PKS_or_glt/60-JAS.usfm

170 lines
41 KiB
Plaintext

\id JAS - Odia Old Version Revision
\ide UTF-8
\usfm 3.0
\rem Copyright Information Creative Commons Attribution ShareAlike 4.0 License
\h ଯାକୁବ
\toc1 ଯାକୁବଙ୍କ ପତ୍ର
\toc2 ଯାକୁବ
\toc3 ଯାକୁ.
\mt1 The General Epistle of James
\mt ଯାକୁବଙ୍କ ପତ୍ର
\is ଲେଖକ
\ip ଏହି ପତ୍ରର ଲେଖକ ଯାକୁବ ଅଟନ୍ତି (ଯାକୁ. 1:1), ଯିଏ ଯିରୂଶାଲମ ମଣ୍ଡଳୀର ନେତା ଏବଂ ସେ ଯୀଶୁଙ୍କର ଭାଇ ଥିଲେ। ଯାକୁବ ଯୀଶୁଙ୍କର ଭାଇମାନଙ୍କ ମଧ୍ୟରୁ ଜଣେ ଥିଲେ, ସମ୍ଭବତଃ, ସମସ୍ତଙ୍କଠାରୁ ବୟସରେ ବଡ଼ ଥିଲେ ଯେହେତୁ ମାଥିଉ 13:55 ରେ ତାହାଙ୍କର ନାମ ଶୀର୍ଷରେ ଉଲ୍ଲେଖିତ। ପ୍ରଥମରେ ଯାକୁବ ଯୀଶୁଙ୍କୁ ବିଶ୍ଵାସ କରୁ ନ ଥିଲେ ଏପରି ସେ ତାହାଙ୍କର ସେବାକାର୍ଯ୍ୟ ଯଥାର୍ଥତା ଦେଖାଇବା ନିମନ୍ତେ ଦାବି କରିଥିଲେ ଏବଂ ତାହାଙ୍କର ଉଦ୍ଦେଶ୍ୟକୁ ଭୁଲ ବୁଝିଥିଲେ। (ଯୋହନ 7:25) ପରବର୍ତ୍ତୀ ସମୟରେ ସେ ମଣ୍ଡଳୀର ଜଣେ ମୁଖ୍ୟ ବ୍ୟକ୍ତି ଭାବରେ ପରିଚିତ ହେଲେ। ପୁନରୁତ୍ଥାନ ପରେ ଯୀଶୁ ଦର୍ଶନ ଦେଇଥିବା ଲୋକମାନଙ୍କ ମଧ୍ୟରୁ ସେ ଜଣେ ଥିଲେ (1 କର. 15:7), ପାଉଲ ତାହାଙ୍କୁ ମଣ୍ଡଳୀର ସ୍ତମ୍ଭ ବୋଲି ପ୍ରକାଶ କରନ୍ତି (ଗାଲା. 2:9)।
\is ସମୟ ଓ ସ୍ଥାନ
\ip ପ୍ରାୟ 40-50 ଖ୍ରୀଷ୍ଟାବ୍ଦ ମଧ୍ୟରେ ଲେଖାଯାଇଅଛି।
\ip 50 ଖ୍ରୀଷ୍ଟାବ୍ଦରେ ଯିରୂଶାଲମ ପ୍ରଶାସନିକ ପରିଷଦ ପୂର୍ବରୁ ଏବଂ 70 ଖ୍ରୀଷ୍ଟାବ୍ଦରେ ମନ୍ଦିର ଧ୍ୱଂସ ହେବା ପୂର୍ବରୁ ଲେଖାଯାଇଅଛି।
\is ପ୍ରାପକ
\ip ସମ୍ଭବତଃ, ଯିହୁଦା ଏବଂ ଶମରୀୟା ପ୍ରଦେଶରେ ଛିନ୍ନଭିନ୍ନ ହୋଇଥିବା ଯିହୁଦୀ ବିଶ୍ଵାସୀମାନେ ପ୍ରାପକ ଥିଲେ। ଏହା ଯାକୁବଙ୍କର ଦ୍ୱାଦଶ ଗୋଷ୍ଠୀଙ୍କୁ ପ୍ରାରମ୍ଭିକ ଅଭିବାଦନ ଉପରେ ଆଧାରିତ ଅଟେ। ଯାକୁବଙ୍କ ମୂଳ ଶ୍ରୋତାମାନଙ୍କ ସ୍ଥାନ ବିଷୟରେ ଏହି ପଦରୁ ପ୍ରମାଣିତ ହୁଏ।
\is ଉଦ୍ଦେଶ୍ୟ
\ip ଯାକୁବଙ୍କ ଉଦ୍ଦେଶ୍ୟ (ଯାକୁ. 1:2-4) ରେ ପ୍ରକାଶିତ। ହେ ମୋହର ଭାଇମାନେ, ତୁମ୍ଭେମାନେ ଯେତେବେଳେ ନାନା ପ୍ରକାର ପରୀକ୍ଷାରେ ପରୀକ୍ଷିତ ହୁଅ, ସେତେବେଳେ ତାହା ବିଶେଷ ଆନନ୍ଦର ବିଷୟ ବୋଲି ମନେ କର; କାରଣ ପରୀକ୍ଷାସିଦ୍ଧ ବିଶ୍ୱାସ ଯେ ସହିଷ୍ଣୁତା ଉତ୍ପନ୍ନ କରେ, ଏହା ତ ଜାଣିଅଛ। ତାହାଙ୍କର ଏହି ପ୍ରାରମ୍ଭିକ ବାକ୍ୟରୁ ଏହା ସ୍ପଷ୍ଟ ହୁଏ ଯେ ଯାକୁବଙ୍କ ପାଠକମାନେ ନାନା ପ୍ରକାର ପରୀକ୍ଷାରେ ପରୀକ୍ଷିତ ହେଉଥିଲେ। ସେମାନଙ୍କର ନାନା ପ୍ରକାର ପରୀକ୍ଷାରେ ଆନନ୍ଦ ପ୍ରାପ୍ତ କରିବା ନିମନ୍ତେ ଈଶ୍ବରଙ୍କଠାରୁ ଜ୍ଞାନ ଲାଭ କରିବାକୁ ଯାକୁବ ସେମାନଙ୍କୁ ଆହ୍ୱାନ କରନ୍ତି (ଯାକୁ. 1:5)। ଯାକୁବଙ୍କ ପ୍ରାପକମାନଙ୍କ ମଧ୍ୟରୁ ଅନେକ ବିଶ୍ଵାସୀମାନେ ବିଶ୍ୱାସରୁ ଦୂରକୁ ଚାଲିଯାଇଥିଲେ। ଏବଂ ଯାକୁବ ସେମାନଙ୍କୁ ଜଗତ ସହିତ ବନ୍ଧୁତା କରିବା ବିଷୟରେ ଚେତାବନୀ ଦିଅନ୍ତି (ଯାକୁ. 4:4), ଯାକୁବ ବିଶ୍ଵାସୀମାନଙ୍କୁ ନମ୍ର ହେବା ନିମନ୍ତେ ନିର୍ଦ୍ଦେଶ ଦିଅନ୍ତି ଯାହା ଫଳରେ ଈଶ୍ବର ସେମାନଙ୍କୁ ଉନ୍ନତ କରିବେ। ଈଶ୍ବରଙ୍କ ସମ୍ମୁଖରେ ନମ୍ର ହେବା ଜ୍ଞାନର ମାର୍ଗ ଅଟେ ବୋଲି ଯାକୁବ ସେମାନଙ୍କୁ ଶିକ୍ଷା ଦିଅନ୍ତି (ଯାକୁ. 4:8-10)।
\is ବିଷୟବସ୍ତୁ
\ip ପ୍ରକୃତ ବିଶ୍ଵାସ
\iot ରୂପରେଖା
\io1 1. ପ୍ରକୃତ ଧର୍ମ ବିଷୟରେ ଯାକୁବଙ୍କ ଉପଦେଶ — 1:1-27
\io1 2. ସତ୍ୟ ବିଶ୍ଵାସ କାର୍ଯ୍ୟ ଦ୍ଵାରା ପ୍ରକାଶିତ — 2:1-3:12
\io1 3. ସତ୍ୟ ଜ୍ଞାନ ଈଶ୍ବରଙ୍କଠାରୁ ଆସେ — 3:13-5:20
\c 1
\s ଅଭିବାଦନ
\p
\v 1 ମୁଁ ଯାକୁବ, ଈଶ୍ବରଙ୍କ ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ କ୍ରୀତଦାସ, ସମଗ୍ର ପୃଥିବୀରେ ଛିନ୍ନଭିନ୍ନ ହୋଇ ରହିଥିବା ଇସ୍ରାଏଲର ଦ୍ୱାଦଶ ଗୋଷ୍ଠୀଙ୍କୁ ନମସ୍କାର ଜଣାଏ।
\s ବିଶ୍ୱାସର ପରୀକ୍ଷା
\p
\v 2 ହେ ମୋହର ଖ୍ରୀଷ୍ଟାଶ୍ରିତ ଲୋକମାନେ, ତୁମ୍ଭେମାନେ ଯେତେବେଳେ ନାନା ପ୍ରକାର ପରୀକ୍ଷାରେ ପରୀକ୍ଷିତ ହୁଅ,
\v 3 ସେତେବେଳେ ତାହା ବିଶେଷ ଆନନ୍ଦର ବିଷୟ ବୋଲି ମନେ କର; କାରଣ ବିଶ୍ୱାସର ପରୀକ୍ଷା ହିଁ ସହିଷ୍ଣୁତାକୁ ଉତ୍ପନ୍ନ କରେ, ଏହା ତ ତୁମ୍ଭେମାନେ ଜାଣିଅଛ।
\v 4 ଆଉ, ତୁମ୍ଭେମାନେ ଯେପରି କୌଣସି ବିଷୟରେ ଊଣା ନ ପଡ଼ି ସମ୍ପୂର୍ଣ୍ଣ ଭାବରେ ସିଦ୍ଧ ମନୁଷ୍ୟ ହୁଅ, ଏଥିପାଇଁ ତୁମ୍ଭମାନଙ୍କ ସହିଷ୍ଣୁତାର କ୍ଷମତାକୁ ଯେତେ ସମ୍ଭବ ସେତେ ବଢ଼ିବାକୁ ଦିଅ।
\v 5 କିନ୍ତୁ ତୁମ୍ଭମାନଙ୍କ ମଧ୍ୟରୁ ଯେବେ ସହ୍ୟ କରିବା ନିମନ୍ତେ କାହାରି ଜ୍ଞାନର ଅଭାବ ଥାଏ, ତେବେ ଯେଉଁ ଈଶ୍ବର ଦୋଷ ନ ଧରି ମୁକ୍ତ ହସ୍ତରେ ସମସ୍ତଙ୍କୁ ଦାନ କରନ୍ତି, ତାହାଙ୍କ ଛାମୁରେ ସେ ପ୍ରାର୍ଥନା କରୁ, ସେଥିରେ ତାହାକୁ ଦିଆଯିବ।
\v 6 କିନ୍ତୁ ତାହାକୁ କୌଣସି ସନ୍ଦେହ ବିନା ବିଶ୍ୱାସ ସହ ପ୍ରାର୍ଥନା କରିବା ଉଚିତ, କାରଣ ଯେକେହି ସନ୍ଦେହ କରେ, ସେ ବାୟୁରେ ଇତଃସ୍ତତଃ ହେଉଥିବା ସମୁଦ୍ରର ତରଙ୍ଗ ସଦୃଶ।
\v 7 ସନ୍ଦେହ କରିବା ଲୋକ ପ୍ରଭୁଙ୍କଠାରୁ କିଛି ପାଇବ ବୋଲି ମନେ ନ କରୁ;
\v 8 ସେ ତ ଦ୍ୱିମନା ଲୋକ, ଆପଣାର ସମସ୍ତ ଗତିରେ ଅସ୍ଥିର।
\p
\v 9 ଦୀନ ଅବସ୍ଥାର ଭ୍ରାତା ଆପଣାର ଉନ୍ନତ ଅବସ୍ଥାରେ ଦର୍ପ କରୁ,
\v 10 ଧନୀ ଆପଣା ଦୀନାବସ୍ଥାରେ ଦର୍ପ କରୁ, କାରଣ ଘାସର ଫୁଲ ପରି ସେ ଝଡ଼ି ପଡ଼ିବ।
\v 11 ଯେଣୁ ଯେବେ ସୂର୍ଯ୍ୟ ସତାପରେ ଉଦୟ ହୁଅନ୍ତେ, ଘାସ ଶୁଖିଯାଏ ଓ ତାହାର ଫୁଲ ଝଡ଼ିପଡ଼େ ପୁଣି, ତାହାର ରୂପର ସୌନ୍ଦର୍ଯ୍ୟ ନାଶ ହୁଏ, ସେହିପରି ଧନୀ ଲୋକ ମଧ୍ୟ ଆପଣାର ସବୁ ଗତିରେ ଝାଉଁଳି ପଡ଼ିବ।
\v 12 ଯେଉଁ ଲୋକ ପରୀକ୍ଷା ସହ୍ୟ କରେ, ଈଶ୍ବର ତାହାକୁ ଆଶୀର୍ବାଦ କରିବେ, କାରଣ ପ୍ରଭୁ ଆପଣା ପ୍ରେମ କରୁଥିବା ଲୋକମାନଙ୍କୁ ଯେଉଁ ଜୀବନରୂପ ମୁକୁଟ ଦେବାକୁ ପ୍ରତିଜ୍ଞା କରିଅଛନ୍ତି, ପରୀକ୍ଷାସିଦ୍ଧ ହେଲା ଉତ୍ତାରେ ସେହି ଲୋକ ସେହି ମୁକୁଟ ପ୍ରାପ୍ତ କରିବ।
\v 13 କେହି ପରୀକ୍ଷିତ ହେଲେ, ମୋତେ ଈଶ୍ବର ପରୀକ୍ଷା କରୁଛନ୍ତି ବୋଲି ନ କହୁ, କାରଣ ଈଶ୍ବର ମନ୍ଦ କରିବା ନିମନ୍ତେ କେବେ ପରୀକ୍ଷିତ ହୋଇପାରିବେ ନାହିଁ, ଆଉ ସେ ନିଜେ କାହାକୁ ମନ୍ଦତାରେ ପରୀକ୍ଷା କରନ୍ତି ନାହିଁ।
\v 14 କିନ୍ତୁ ପ୍ରତ୍ୟେକ ଲୋକ ଆପଣା କାମନା ଦ୍ୱାରା ଆକର୍ଷିତ ଓ ପ୍ରବଞ୍ଚିତ ହୋଇ ପରୀକ୍ଷିତ ହୁଅନ୍ତି;
\v 15 ତା'ପରେ କାମନା ସ୍ତ୍ରୀ ପରି ଗର୍ଭଧାରଣ କରି ପାପକୁ ପ୍ରସବ କରେ, ପୁଣି, ପାପ ପୂର୍ଣ୍ଣମାତ୍ରାରେ ବୃଦ୍ଧି ପାଇ ମୃତ୍ୟୁକୁ ଜନ୍ମ ଦିଏ।
\v 16 ହେ ମୋହର ପ୍ରିୟ ଖ୍ରୀଷ୍ଟାଶ୍ରିତ ଲୋକମାନେ, ଈଶ୍ବର ପରୀକ୍ଷା କରନ୍ତି କହି ନିଜକୁ ପ୍ରବଞ୍ଚିତ କର ନାହିଁ।
\v 17 ସମସ୍ତ ଉତ୍ତମ ଦାନ ଓ ସମସ୍ତ ସିଦ୍ଧ ବର ସ୍ବର୍ଗରୁ, ଅର୍ଥାତ୍‍, ଜ୍ୟୋତିଃର୍ଗଣର ସୃଷ୍ଟିକର୍ତ୍ତା ଈଶ୍ବରଙ୍କ ଠାରୁ ଆସେ, ଯିଏ କେବେ ପରିବର୍ତ୍ତନ ବା ଲେଶମାତ୍ର ବିକାର ନାହିଁ।
\v 18 ଆମ୍ଭେମାନେ ଯେପରି ତାହାଙ୍କ ସୃଷ୍ଟ ବିଷୟମାନଙ୍କ ମଧ୍ୟରୁ ଏକ-ପ୍ରକାର ପ୍ରଥମ ଫଳ ସ୍ୱରୂପ ହେଉ, ଏଥିନିମନ୍ତେ ସେ ଆପଣା ଇଚ୍ଛାନୁସାରେ ତାହାଙ୍କ ସତ୍ୟ ବାକ୍ୟ ଦ୍ୱାରା ଆମ୍ଭମାନଙ୍କୁ ଜନ୍ମ ଦେଲେ।
\s ବାକ୍ୟର ଶ୍ରୋତା ଏବଂ କାର୍ଯ୍ୟକାରୀ
\p
\v 19 ହେ ମୋହର ପ୍ରିୟ ଖ୍ରୀଷ୍ଟାଶ୍ରିତ ଲୋକମାନେ, ତୁମ୍ଭେମାନେ ଏହା ଜ୍ଞାତ ହୁଅ: ପ୍ରତ୍ୟେକ ଜଣ ଶୁଣିବାରେ ତତ୍ପର, କହିବାରେ ଧୀର ପୁଣି, କ୍ରୋଧ କରିବାରେ ଧୀର ହେଉ,
\v 20 କାରଣ ମନୁଷ୍ୟର କ୍ରୋଧ ଈଶ୍ବରଙ୍କ ଗ୍ରାହ୍ୟ ଧାର୍ମିକତା ସାଧନ କରେ ନାହିଁ।
\v 21 ଅତଏବ, ତୁମ୍ଭେମାନେ ସମସ୍ତ ଅଶୁଚିତା ଓ ସବୁପ୍ରକାର ଦୁଷ୍ଟତା ପରିତ୍ୟାଗ କରି ଯେଉଁ ବାକ୍ୟ ତୁମ୍ଭମାନଙ୍କ ଠାରେ ରୋପିତ ହୋଇଅଛି ଯାହା ତୁମ୍ଭମାନଙ୍କ ଆତ୍ମାକୁ ପରିତ୍ରାଣ କରିବାରେ ସମର୍ଥ, ତାହା ନମ୍ର ଭାବରେ ଗ୍ରହଣ କର।
\v 22 କିନ୍ତୁ ଶ୍ରୋତାମାତ୍ର ହୋଇ ଆପଣାମାନଙ୍କୁ ପ୍ରବଞ୍ଚିତ କର ନାହିଁ କିନ୍ତୁ ବାକ୍ୟର ପାଳନକାରୀ ହୁଅ।
\v 23 କାରଣ ଯଦି କେହି ବାକ୍ୟର ପାଳନକାରୀ ନ ହୋଇ ଶ୍ରୋତାମାତ୍ର ହୁଏ, ତେବେ ସେ ଦର୍ପଣରେ ଆପଣା ସ୍ୱାଭାବିକ ମୁଖ ଦର୍ଶନ କରୁଥିବା ମନୁଷ୍ୟର ତୁଲ୍ୟ,
\v 24 ଯେଣୁ ସେ ଆପଣାକୁ ଦେଖିଲା ଉତ୍ତାରେ ଚାଲିଯାଇ, ସେ କି ପ୍ରକାର ଲୋକ, ତାହା ସେହିକ୍ଷଣି ଭୁଲିଯାଏ।
\v 25 କିନ୍ତୁ ଯେ ସିଦ୍ଧ, ଅର୍ଥାତ୍‍, ସ୍ୱାଧୀନତାର ବ୍ୟବସ୍ଥା ପ୍ରତି ନିରୀକ୍ଷଣ କରି ସେଥିରେ ନିବିଷ୍ଟ ଥାଏ, ପୁଣି, ବିସ୍ମରଣକାରୀ ଶ୍ରୋତାମାତ୍ର ନ ହୋଇ ବରଂ କାର୍ଯ୍ୟକାରୀ ହୁଏ, ସେ ଆପଣା ସମସ୍ତ କାର୍ଯ୍ୟରେ ଆଶୀର୍ବାଦ ପ୍ରାପ୍ତ ହେବ।
\v 26 ଯଦି କେହି ଆପଣାକୁ ଧର୍ମପରାୟଣ ବୋଲି ମନେ କରେ, ଆଉ ଆପଣା ଜିହ୍ୱାକୁ ବଶୀଭୂତ କରେ ନାହିଁ, ସେ ଆପଣାକୁ ପ୍ରବଞ୍ଚିତ କରେ, ଆଉ ତାହାର ଧର୍ମପରାୟଣତା ବୃଥା।
\v 27 ଅନାଥ ଓ ବିଧବାମାନଙ୍କୁ ସେମାନଙ୍କ ଦୁଃଖାବସ୍ଥାରେ ସଂଖୋଳିବା ପୁଣି, ସଂସାରରୁ ଆପଣାକୁ ନିଷ୍କଳଙ୍କ ରୂପେ ରକ୍ଷା କରିବା ହିଁ ଆମ୍ଭମାନଙ୍କ ଈଶ୍ବର ଓ ପିତାଙ୍କ ଛାମୁରେ ବିଶୁଦ୍ଧ ଓ ନିର୍ମଳ ଧର୍ମପରାୟଣତା ଅଟେ।
\c 2
\s ପକ୍ଷପାତୀତା ପାପ
\p
\v 1 ମୋହର ଖ୍ରୀଷ୍ଟାଶ୍ରିତ ପ୍ରତ୍ୟେକେ, ଆମ୍ଭମାନଙ୍କ ଗୌରବମୟ/ଅତି ମହାନ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ କରିବା ସକାଶୁ ତୁମ୍ଭମାନଙ୍କୁ କେବେ ହେଁ ମନୁଷ୍ୟର ମୁଖାପେକ୍ଷା କରିବା ଉଚିତ୍ ନୁହଁ।
\v 2 କାରଣ ଯଦି କୌଣସି ଲୋକ ସୁବର୍ଣ୍ଣ ମୁଦ୍ରିକା ଓ ଅଧିକ ମୂଲ୍ୟର ବସ୍ତ୍ର ପରିଧାନ କରି ତୁମ୍ଭମାନଙ୍କ ସଭାକୁ ଆସେ, ପୁଣି, ଜଣେ ଦରିଦ୍ର ଲୋକ ମଳିନ ବସ୍ତ୍ର ପରିଧାନ କରି ସଭାକୁ ଆସେ,
\v 3 ଆଉ, ତୁମ୍ଭେମାନେ ଅଧିକ ମୂଲ୍ୟର ବସ୍ତ୍ର ପରିଧାନ କରିଥିବା ଲୋକକୁ ମର୍ଯ୍ୟାଦା ସହ କୁହ, ଏଠାରେ ଉତ୍ତମ ସ୍ଥାନ ଅଛି ବସନ୍ତୁ, ଆଉ ଦରିଦ୍ର ଲୋକକୁ କୁହ, ସେଠାରେ ଠିଆ ହୁଅ,
\v 4 କିମ୍ବା ମୋହର ଗୋଡ଼ ତଳେ ବସ, ତାହାହେଲେ ତୁମ୍ଭେମାନେ କଅଣ ଆପଣା ଆପଣା ମଧ୍ୟରେ ଭେଦାଭେଦ ରଖି ବିପରୀତ ବ୍ୟବହାର ଏବଂ ମନ୍ଦ ଭାବରେ ବିଚାର କରୁ ନାହଁ? ବାସ୍ତବରେ ତୁମ୍ଭେମାନେ ମୁଖାପେକ୍ଷା କରୁଅଛ।
\v 5 ମୋହର ପ୍ରିୟ ଖ୍ରୀଷ୍ଟାଶ୍ରିତ ପ୍ରତ୍ୟେକେ, ଶୁଣ, ଈଶ୍ବର କଅଣ ଏହି ଜଗତର ଦୃଷ୍ଟିରେ ଦରିଦ୍ରମାନଙ୍କୁ ବିଶ୍ୱାସରୂପ ଧନରେ ଧନୀ ହେବା ପାଇଁ, ପୁଣି, ଆପଣା ପ୍ରେମକାରୀମାନଙ୍କୁ ଯେଉଁ ରାଜ୍ୟ ଦେବାକୁ ପ୍ରତିଜ୍ଞା କରିଅଛନ୍ତି, ସେଥିର ଅଧିକାରୀ ହେବା ପାଇଁ ମନୋନୀତ କରି ନାହାନ୍ତି?
\v 6 କିନ୍ତୁ ତୁମ୍ଭେମାନେ ଦରିଦ୍ରକୁ ହତାଦର କରିଅଛ। ଧନୀମାନେ କଅଣ ତୁମ୍ଭମାନଙ୍କ ପ୍ରତି ଉପଦ୍ରବ କରନ୍ତି ନାହିଁ ଏବଂ ତୁମ୍ଭମାନଙ୍କୁ ବିଚାର-ସ୍ଥାନକୁ ଟାଣିନିଅନ୍ତି ନାହିଁ?
\p
\v 7 ଯେଉଁ ମହତ‍ ନାମରେ ତୁମ୍ଭେମାନେ ଖ୍ୟାତ ସେମାନେ କଅଣ ସେହି ନାମର ନିନ୍ଦା କରନ୍ତି ନାହିଁ?
\v 8 ତୁମ୍ଭେ ଆପଣା ପ୍ରତିବାସୀକୁ ଆତ୍ମତୁଲ୍ୟ ପ୍ରେମ କର, ଶାସ୍ତ୍ରର ଏହି ରାଜକୀୟ ବ୍ୟବସ୍ଥା ଯଦି ପ୍ରକୃତରେ ପାଳନ କର,
\v 9 ତାହାହେଲେ ଭଲ କରିଥାଅ; କିନ୍ତୁ ଯଦି ମନୁଷ୍ୟର ମୁଖାପେକ୍ଷା କର, ତାହାହେଲେ ପାପ କରୁଅଛ, ପୁଣି, ସେହି ବ୍ୟବସ୍ଥା ଦ୍ୱାରା ଦୋଷୀ ବୋଲି ପ୍ରମାଣିତ ହୋଇଥାଅ।
\v 10 କାରଣ ଯେ କେହି ସମସ୍ତ ବ୍ୟବସ୍ଥା ପାଳନ କରି କେବଳ ଗୋଟିକ ବିଷୟରେ ଝୁଣ୍ଟିପଡ଼େ, ତେବେ ସେ ସମସ୍ତ ବ୍ୟବସ୍ଥା ଲଙ୍ଘନ ଦୋଷରେ ଦଣ୍ଡନୀୟ ହୁଏ।
\v 11 ଯେଣୁ ଯେ ବ୍ୟଭିଚାର କର ନାହିଁ ବୋଲି କହିଥିଲେ, ସେ ନରହତ୍ୟା କର ନାହିଁ ବୋଲି ମଧ୍ୟ କହିଥିଲେ, ଏଣୁ ତୁମ୍ଭେ ଯଦି ବ୍ୟଭିଚାର ନ କରି ନରହତ୍ୟା କର, ତେବେ ବ୍ୟବସ୍ଥା ଲଙ୍ଘନକାରୀ ହୋଇଅଛ।
\v 12 ଯେଉଁ ବ୍ୟବସ୍ଥା ଦ୍ୱାରା ତୁମ୍ଭେମାନେ ମୁକ୍ତି ପାଇବ, ସେହି ବ୍ୟବସ୍ଥା ଦ୍ୱାରା ହିଁ ଈଶ୍ବର ତୁମ୍ଭେମାନଙ୍କୁ ଯେ ବିଚାର କରିବେ, ଏହା ଜାଣି ତୁମ୍ଭେମାନେ କଥାବାର୍ତ୍ତା ଓ କାର୍ଯ୍ୟ କର।
\v 13 କାରଣ ଯେ ଅନ୍ୟକୁ ଦୟା କରେ ନାହିଁ, ଈଶ୍ଵର ତାହାକୁ ନିର୍ଦ୍ଦୟ ରୂପେ ବିଚାର କରିବେ, ମାତ୍ର ଦୟା ବିଚାର ଉପରେ ଜୟଧ୍ୱନି କରେ।
\s ବିଶ୍ୱାସ ଓ କର୍ମର ପରିପୂରକତା
\p
\v 14 ହେ ମୋହର ଭାଇମାନେ, ଯଦି କେହି ମୋହର ବିଶ୍ୱାସ ଅଛି ବୋଲି କୁହେ, କିନ୍ତୁ ତାହାର କର୍ମ ନ ଥାଏ, ତେବେ ସେଥିରେ କି ଲାଭ? ଏପରି ବିଶ୍ୱାସ କଅଣ ତାହାର ପରିତ୍ରାଣ କରିପାରେ?
\v 15 ଯଦି ଜଣେ ଭାଇ ବା ଭଉଣୀ, ବସ୍ତ୍ର ଓ ଦୈନିକ ଖାଦ୍ୟହୀନ ହୁଏ,
\v 16 ଆଉ ତୁମ୍ଭମାନଙ୍କ ମଧ୍ୟରୁ କେହି ତାହାକୁ ଶରୀରର ପ୍ରୟୋଜନୀୟ ଦ୍ରବ୍ୟ କିଛି ହିଁ ନ ଦେଇ କୁହେ, ଉଷ୍ଣ ଓ ତୃପ୍ତ ହୋଇ କୁଶଳରେ ଯାଅ, ତେବେ ସେଥିରେ କି ଲାଭ?
\v 17 ସେହିପରି ମଧ୍ୟ ବିଶ୍ୱାସ, କର୍ମ ବିନା ନିଜେ ମୃତ।
\v 18 କିନ୍ତୁ କେହି ଅବା କହିବ, ତୁମ୍ଭର ବିଶ୍ୱାସ ଅଛି, ପୁଣି, ମୋହର କର୍ମ ଅଛି; କର୍ମ ବିନା ତୁମ୍ଭର ବିଶ୍ୱାସ ମୋତେ ଦେଖାଅ, ଆଉ ମୁଁ କର୍ମ ଦ୍ୱାରା ତୁମ୍ଭକୁ ମୋହର ବିଶ୍ୱାସ ଦେଖାଇବି।
\v 19 ଈଶ୍ବର ଯେ ଏକମାତ୍ର, ଏହା ତୁମ୍ଭେ ବିଶ୍ୱାସ କରୁଅଛ; ଭଲ କଥା, ଭୂତମାନେ ମଧ୍ୟ ବିଶ୍ୱାସ କରି ଥରହର ହୁଅନ୍ତି।
\v 20 କିନ୍ତୁ ହେ ନିର୍ବୋଧ ମନୁଷ୍ୟ, କର୍ମ ବିନା ବିଶ୍ୱାସ ଯେ ନିଷ୍ଫଳ, ଏହା କଅଣ ଜାଣିବାକୁ ଇଚ୍ଛା କରୁଅଛ?
\v 21 ଆମ୍ଭମାନଙ୍କ ପିତା ଅବ୍ରହାମ ବେଦି ଉପରେ ଆପଣା ପୁତ୍ର ଇସ୍‌ହାକଙ୍କୁ ଉତ୍ସର୍ଗ କରିବା ବେଳେ କଅଣ କର୍ମ ଦ୍ୱାରା ଧାର୍ମିକ ଗଣିତ ହୋଇ ନ ଥିଲେ?
\v 22 ତୁମ୍ଭେ ଦେଖୁଅଛ ଯେ, ବିଶ୍ୱାସ ତାହାଙ୍କ କର୍ମର ସହକାରୀ ଥିଲା, ଆଉ କର୍ମ ଦ୍ୱାରା ବିଶ୍ୱାସ ସିଦ୍ଧ ହେଲା;
\v 23 ସେଥିରେ ଶାସ୍ତ୍ରର ଏହି ବାକ୍ୟ ସଫଳ ହେଲା, ଅବ୍ରହାମ ଈଶ୍ବରଙ୍କଠାରେ ବିଶ୍ୱାସ କଲେ, ଆଉ ତାହାଙ୍କ ପକ୍ଷରେ ତାହା ଧାର୍ମିକତା ବୋଲି ଗଣିତ ହେଲା, ପୁଣି, ସେ ଈଶ୍ବରଙ୍କ ମିତ୍ର ବୋଲି ଖ୍ୟାତ ହେଲେ।
\v 24 କେବଳ ବିଶ୍ୱାସ ଦ୍ୱାରା ମନୁଷ୍ୟ ଧାର୍ମିକ ଗଣିତ ନ ହୋଇ କର୍ମ ଦ୍ୱାରା ଯେ ଧାର୍ମିକ ଗଣିତ ହୁଏ, ଏହା ତୁମ୍ଭେମାନେ ଦେଖୁଅଛ।
\v 25 ସେହି ପ୍ରକାରେ ମଧ୍ୟ ରାହାବ ବେଶ୍ୟା ଗୁପ୍ତଚରମାନଙ୍କୁ ଆତିଥ୍ୟ କରି ଅନ୍ୟ ବାଟ ଦେଇ ସେମାନଙ୍କୁ ବିଦାୟ କରିବାରୁ କଅଣ କର୍ମ ଦ୍ୱାରା ଧାର୍ମିକ ଗଣିତ ହେଲେ ନାହିଁ?
\v 26 କାରଣ ଆତ୍ମା ବିନା ଶରୀର ଯେପରି ମୃତ, ସେହିପରି କର୍ମ ବିନା ବିଶ୍ୱାସ ମଧ୍ୟ ମୃତ।
\c 3
\s ବଶୀଭୂତ ଜିହ୍ୱା
\p
\v 1 ହେ ମୋହର ଭାଇମାନେ, ତୁମ୍ଭେମାନେ ଅନେକେ ଶିକ୍ଷକ ହୁଅ ନାହିଁ; ଏହା ଜାଣ ଯେ, ଆମ୍ଭେମାନେ ଯିଏ ଶିକ୍ଷା ଦେଉ, ଗୁରୁତର ଦଣ୍ଡ ପାଇବା।
\v 2 ଯେଣୁ ଆମ୍ଭେମାନେ ସମସ୍ତେ ଅନେକ ବିଷୟରେ ଝୁଣ୍ଟିପଡ଼ୁ। ଯଦି କେହି ବାକ୍ୟରେ ଝୁଣ୍ଟି ନ ପଡ଼େ, ତେବେ ସେ ସିଦ୍ଧ ପୁରୁଷ, ସମସ୍ତ ଶରୀରକୁ ମଧ୍ୟ ବଶରେ ରଖିବାକୁ ସମର୍ଥ।
\v 3 ଦେଖ, ଆମ୍ଭେମାନେ ଅଶ୍ୱମାନଙ୍କୁ ବଶୀଭୂତ କରିବା ନିମନ୍ତେ ସେମାନଙ୍କ ମୁଖରେ ଲଗାମ ଦେଲେ, ତଦ୍ୱାରା ସେମାନଙ୍କ ସମସ୍ତ ଶରୀର ମଧ୍ୟ ବୁଲାଉଥାଉ।
\v 4 ଏବଂ ଜାହାଜ ମଧ୍ୟ ଏତେ ବଡ଼ ହୋଇ ପ୍ରଚଣ୍ଡ ପବନରେ ଚାଳିତ ହେଲେ ହେଁ ଗୋଟିଏ ଅତି କ୍ଷୁଦ୍ର ମଙ୍ଗ ଦ୍ୱାରା ମଙ୍ଗଧରାର ଇଚ୍ଛାନୁସାରେ ବୁଲିଥାଏ।
\v 5 ସେହିପରି ଜିହ୍ୱା ମଧ୍ୟ ଗୋଟିଏ କ୍ଷୁଦ୍ର ଅଙ୍ଗ, କିନ୍ତୁ ମହାଗର୍ବର କଥା କହେ। ଦେଖ, କେଡ଼େ କ୍ଷୁଦ୍ର ଅଗ୍ନିକଣିକା ଦ୍ୱାରା କେଡ଼େ ବଡ଼ ଅରଣ୍ୟରେ ନିଆଁ ଲାଗିଯାଏ।
\v 6 ଜିହ୍ୱା ମଧ୍ୟ ଅଗ୍ନି ସ୍ୱରୂପ; ତାହା ଆମ୍ଭମାନଙ୍କ ଅଙ୍ଗସମୂହ ମଧ୍ୟରେ ସମସ୍ତ ଅଧର୍ମର ମୂଳାଧାର ସ୍ୱରୂପେ ଅବସ୍ଥିତ; ତାହା ସମସ୍ତ ଶରୀରକୁ ଅଶୁଚି କରେ ଓ ନିଜେ ନର୍କରେ ପ୍ରଜ୍ୱଳିତ ହୋଇ ପ୍ରକୃତିର ଚକ୍ରକୁ ଜ୍ୱଳାଏ।
\v 7 କାରଣ ସମସ୍ତ ପ୍ରକାର ପଶୁ, ପକ୍ଷୀ, ସରୀସୃପ ଓ ଜଳଚର ପ୍ରାଣୀମାନଙ୍କୁ ମାନବ ଦ୍ୱାରା ବଶରେ ରଖାଯାଇପାରେ, ପୁଣି, ବଶରେ ରଖାଯାଇଅଛି;
\v 8 କିନ୍ତୁ ଜିହ୍ୱାକୁ କେହି ବଶରେ ରଖି ପାରେ ନାହିଁ, ଅନିଷ୍ଟ ସାଧନରେ ତାହାର ବିରାମ ନାହିଁ, ମାରାତ୍ମକ ଗରଳରେ ତାହା ପରିପୂର୍ଣ୍ଣ।
\v 9 ତଦ୍ୱାରା ଆମ୍ଭେମାନେ ପ୍ରଭୁ ଓ ପିତାଙ୍କର ଧନ୍ୟବାଦ କରିଥାଉ, ପୁଣି, ତଦ୍ୱାରା ଈଶ୍ବରଙ୍କ ସାଦୃଶ୍ୟରେ ସୃଷ୍ଟ ମନୁଷ୍ୟକୁ ଅଭିଶାପ ଦେଇଥାଉ;
\v 10 ଏକ ମୁଖରୁ ଧନ୍ୟବାଦ ଓ ଅଭିଶାପ ନିର୍ଗତ ହୁଏ। ହେ ମୋହର ଭାଇମାନେ, ଏପରି ହେବା ଉଚିତ୍ ନୁହେଁ।
\v 11 ନିର୍ଝର କଅଣ ଏକ ବାଟ ଦେଇ ମିଠା ଓ ପିତା ଦୁଇ ପ୍ରକାର ଜଳ ବାହାର କରେ?
\v 12 ହେ ମୋହର ଭାଇମାନେ, ଡିମ୍ବିରିବୃକ୍ଷ କଅଣ ଜୀତଫଳ, ଅବା ଦ୍ରାକ୍ଷାଲତା କଅଣ ଡିମ୍ବିରି ଫଳ ଫଳି ପାରେ? ଲବଣାକ୍ତ ନିର୍ଝର ମଧ୍ୟ ମିଷ୍ଟ ଜଳ ଦେଇ ପାରେ ନାହିଁ।
\s ଊର୍ଦ୍ଧ୍ୱରୁ ଆଗତ ଜ୍ଞାନ
\p
\v 13 ତୁମ୍ଭମାନଙ୍କ ମଧ୍ୟରେ ଜ୍ଞାନୀ ଓ ବୁଦ୍ଧିମାନ କିଏ ଅଛି? ସେ ଜ୍ଞାନସଙ୍ଗତ ନମ୍ରତା ସହ ସଦାଚରଣ ଦ୍ୱାରା ଆପଣା କର୍ମ ପ୍ରକାଶ କରୁ।
\v 14 କିନ୍ତୁ ଯଦି ତୁମ୍ଭମାନଙ୍କ ହୃଦୟରେ ତିକ୍ତ ଈର୍ଷାଭାବ ଓ ସ୍ୱାର୍ଥପରତା ଥାଏ, ତାହାହେଲେ ସତ୍ୟ ବିରୁଦ୍ଧରେ ଗର୍ବ କର ନାହିଁ ଓ ମିଥ୍ୟା କୁହ ନାହିଁ।
\v 15 ଏପରି ଜ୍ଞାନ ଊର୍ଦ୍ଧ୍ୱରୁ ଆଗତ ନୁହେଁ, ମାତ୍ର ତାହା ପାର୍ଥିବ, ଅନାତ୍ମିକ ଓ ଶୟତାନଠାରୁ ଅଟେ;
\v 16 କାରଣ ଯେଉଁ ସ୍ଥାନରେ ଈର୍ଷା ଓ ସ୍ୱାର୍ଥପରତା ଥାଏ, ସେହି ସ୍ଥାନରେ ସମସ୍ତ ପ୍ରକାର ଦୁଷ୍କର୍ମ ଥାଏ।
\v 17 କିନ୍ତୁ ଊର୍ଦ୍ଧ୍ୱରୁ ଆଗତ ଜ୍ଞାନ ପ୍ରଥମରେ ପବିତ୍ର, ଦ୍ୱିତୀୟରେ ଶାନ୍ତିପ୍ରିୟ, ମୃଦୁଶୀଳ, ବାଧ୍ୟ, ଦୟା ଓ ଉତ୍ତମ ଫଳରେ ପରିପୂର୍ଣ୍ଣ, ସନ୍ଦେହଶୂନ୍ୟ ଓ ନିଷ୍କପଟ।
\v 18 ପୁଣି, ଶାନ୍ତିକାରକ ଲୋକମାନେ ଶାନ୍ତିର ବୀଜ ବୁଣନ୍ତି, ସେମାନେ ଧାର୍ମିକତା ରୂପ ଫଳ କାଟିବେ।
\c 4
\s ଜାଗତିକମନା ବିଷୟରେ ସତର୍କତା
\p
\v 1 ବିଶ୍ୱାସୀମାନଙ୍କ ମଧ୍ୟରେ ଯୁଦ୍ଧ ଓ ବିବାଦ କେଉଁଠାରୁ ହୁଏ? କଅଣ ତୁମ୍ଭମାନଙ୍କ ଅଙ୍ଗପ୍ରତ୍ୟଙ୍ଗ ମଧ୍ୟରେ ଯୁଦ୍ଧ କରୁଥିବା ସୁଖାଭିଳାଷରୁ ନୁହେଁ?
\v 2 ତୁମ୍ଭେମାନେ କାମନା କରିଥାଅ; କିନ୍ତୁ ପାଇ ନ ଥାଅ; ତୁମ୍ଭେମାନେ ବଧ ଓ ଈର୍ଷା କରିଥାଅ, କିନ୍ତୁ ପ୍ରାପ୍ତ ହେବାକୁ ଅକ୍ଷମ ହୋଇଥାଅ; ତୁମ୍ଭେମାନେ ବିବାଦ ଓ ଯୁଦ୍ଧ କରିଥାଅ, ତୁମ୍ଭେମାନେ ପାଇ ନ ଥାଅ, କାରଣ ତୁମ୍ଭେମାନେ ମାଗି ନ ଥାଅ;
\v 3 ତୁମ୍ଭେମାନେ ମାଗିଥାଅ, କିନ୍ତୁ ପାଇ ନ ଥାଅ, କାରଣ ଆପଣା ଆପଣା ସୁଖାଭିଳାଷରେ ବ୍ୟୟ କରିବା ନିମନ୍ତେ ମନ୍ଦ ଅଭିପ୍ରାୟରେ ମାଗିଥାଅ।
\v 4 ହେ ବ୍ୟଭିଚାରିଣୀମାନେ\f + \fr 4:4 \fq ବ୍ୟଭିଚାରିଣୀମାନେ \ft ଅର୍ଥାତ୍‍ ଅବିଶ୍ୱସ୍ତ ଲୋକମାନେ\f*, ଜଗତର ମିତ୍ରତା ଈଶ୍ବରଙ୍କର ଶତ୍ରୁତା, ଏହା କଅଣ ଜାଣ ନାହିଁ? ଅତଏବ, ଯେ କେହି ଜଗତର ମିତ୍ର ହେବାକୁ ଇଚ୍ଛା କରେ ସେ ଆପଣାକୁ ଈଶ୍ବରଙ୍କ ଶତ୍ରୁ ବୋଲି ପ୍ରତିପନ୍ନ କରେ।
\v 5 ନା ତୁମ୍ଭେମାନେ କଅଣ ଧର୍ମଶାସ୍ତ୍ରର ଏହି ବାକ୍ୟକୁ ବ୍ୟର୍ଥ ବୋଲି ମନେ କରୁଅଛ; ଯେଉଁ ପବିତ୍ର ଆତ୍ମାଙ୍କୁ ସେ ଆମ୍ଭମାନଙ୍କ ମଧ୍ୟରେ ବାସ କରିବାକୁ ଦେଇଅଛନ୍ତି, ସେ ଆମ୍ଭମାନଙ୍କୁ ସମ୍ପୂର୍ଣ୍ଣ ଅଧିକାର କରିବା ନିମନ୍ତେ ଏକାନ୍ତ କାମନା କରନ୍ତି?
\v 6 କିନ୍ତୁ ସେ ମଧ୍ୟ ଅଧିକ ଅନୁଗ୍ରହ ଦାନ କରନ୍ତି; ଏଣୁ ଶାସ୍ତ୍ର‌ରେ ଉକ୍ତ ଅଛି,
\q1 “ଈଶ୍ବର ଅହଙ୍କାରୀମାନଙ୍କୁ ପ୍ରତିରୋଧ କରନ୍ତି,
\q2 କିନ୍ତୁ ନମ୍ର ଲୋକମାନଙ୍କୁ ଅନୁଗ୍ରହ ଦାନ କରନ୍ତି।”
\p
\v 7 ଅତଏବ, ତୁମ୍ଭେମାନେ ଈଶ୍ବରଙ୍କର ବଶୀଭୂତ ହୁଅ; ଶୟତାନକୁ ପ୍ରତିବାଦ କର, ତାହାହେଲେ ସେ ତୁମ୍ଭମାନଙ୍କ ନିକଟରୁ ପଳାଇଯିବ।
\v 8 ଈଶ୍ବରଙ୍କର ନିକଟବର୍ତ୍ତୀ ହୁଅ, ସେଥିରେ ସେ ତୁମ୍ଭମାନଙ୍କର ନିକଟବର୍ତ୍ତୀ ହେବେ। ହେ ପାପୀମାନେ, ତୁମ୍ଭମାନଙ୍କ ହସ୍ତ ଶୁଚି କର, ପୁଣି, ହେ ଦ୍ୱିମନାମାନେ, ତୁମ୍ଭମାନଙ୍କ ହୃଦୟ ଶୁଦ୍ଧ କର।
\v 9 ଖେଦଯୁକ୍ତ ଓ ଶୋକାର୍ତ୍ତ ହୋଇ ରୋଦନ କର; ତୁମ୍ଭମାନଙ୍କ ହାସ୍ୟ ଶୋକରେ ଓ ତୁମ୍ଭମାନଙ୍କ ଆନନ୍ଦ ବିଷାଦରେ ପରିଣତ ହେଉ।
\v 10 ପ୍ରଭୁଙ୍କ ଛାମୁରେ ଆପଣା ଆପଣାକୁ ନତ କର, ତାହାହେଲେ ସେ ତୁମ୍ଭମାନଙ୍କୁ ଉନ୍ନତ କରିବେ।
\s ଭାଇ ବିରୁଦ୍ଧରେ ବିଚାର
\p
\v 11 ହେ ଭାଇମାନେ, ତୁମ୍ଭେମାନେ ପରସ୍ପରର ଗ୍ଳାନି କର ନାହିଁ; ଯେ ଭାଇର ଗ୍ଳାନି କରେ କିମ୍ବା ଭାଇର ବିଚାର କରେ, ସେ ବ୍ୟବସ୍ଥାର ଗ୍ଲାନି କରେ ଓ ସେଥିର ବିଚାର କରେ; କିନ୍ତୁ ତୁମ୍ଭେ ଯଦି ବ୍ୟବସ୍ଥାର ବିଚାର କର, ତାହାହେଲେ ତୁମ୍ଭେ ବ୍ୟବସ୍ଥାର ପାଳନକାରୀ ନ ହୋଇ ସେଥିର ବିଚାରକର୍ତ୍ତା ଅଟ।
\v 12 ବ୍ୟବସ୍ଥାଦାତା ଓ ବିଚାରକର୍ତ୍ତା ଜଣେ ମାତ୍ର, ସେ ରକ୍ଷା ଓ ବିନାଶ କରିବାକୁ ସମର୍ଥ; କିନ୍ତୁ ପ୍ରତିବାସୀର ବିଚାର କରୁଅଛ ଯେ ତୁମ୍ଭେ, ତୁମ୍ଭେ କିଏ?
\s ଭବିଷ୍ୟତର ଗର୍ବ
\p
\v 13 ଏବେ ଦେଖ, ଯେଉଁମାନେ କହୁଅଛ, ଆଜି କିମ୍ବା କାଲି ଆମ୍ଭେମାନେ ଅମୁକ ସହରକୁ ଯିବୁ ଓ ସେଠାରେ ଏକ ବର୍ଷ ପର୍ଯ୍ୟନ୍ତ ରହି ବାଣିଜ୍ୟ ବ୍ୟବସାୟ କରି ଲାଭ କରିବୁ;
\v 14 କିନ୍ତୁ କାଲି କଅଣ ଘଟିବ, ତାହା ତ ତୁମ୍ଭେମାନେ ଜାଣ ନାହିଁ। ତୁମ୍ଭମାନଙ୍କର ଜୀବନ କଅଣ? କ୍ଷଣକେ ଦୃଶ୍ୟ ହୋଇ ଅଦୃଶ୍ୟ ହୁଏ ଯେଉଁ ବାଷ୍ପ, ତୁମ୍ଭେମାନେ ତ ତାହା ସଦୃଶ।
\v 15 ଏଣୁ ପ୍ରଭୁଙ୍କ ଇଚ୍ଛା ହେଲେ ଆମ୍ଭେମାନେ ଜୀବିତ ଥାଇ ଏହା କରିବା ବା ତାହା କରିବା, ଏହିପରି କହିବା ତୁମ୍ଭମାନଙ୍କର ଉଚିତ।
\v 16 କିନ୍ତୁ ଏବେ ତୁମ୍ଭେମାନେ ଆପଣା ଆପଣା ଅହଂ ଭାବରେ ଗର୍ବ କରୁଅଛ; ଏପ୍ରକାର ଗର୍ବ ମନ୍ଦ ଅଟେ।
\v 17 ଅତଏବ, ଯେ ସତ୍କର୍ମ କରିବାକୁ ଜାଣି ତାହା କରେ ନାହିଁ, ତାହାର ପାପ ହୁଏ।
\c 5
\s ଧନୀ ଶ୍ରେଣୀର ଲୋକଙ୍କ ପ୍ରତି ସତର୍କବାଣୀ
\p
\v 1 ଏବେ ଦେଖ, ହେ ଧନୀମାନେ, ତୁମ୍ଭମାନଙ୍କର ଆସନ୍ନ ଦୁର୍ଦ୍ଦଶା ନିମନ୍ତେ କ୍ରନ୍ଦନ ଓ ହାହାକାର କର।
\v 2 ତୁମ୍ଭମାନଙ୍କର ସମ୍ପତ୍ତି କ୍ଷୟ ପାଇଲାଣି, ତୁମ୍ଭମାନଙ୍କର ବସ୍ତ୍ର ପୋକ ଖାଇଲାଣି,
\v 3 ପୁଣି, ତୁମ୍ଭମାନଙ୍କର ସୁନା ଓ ରୂପାରେ କଳଙ୍କ ଲାଗିଲାଣି; ସେଥିରେ କଳଙ୍କ ତୁମ୍ଭମାନଙ୍କ ବିରୁଦ୍ଧରେ ସାକ୍ଷ୍ୟ ଦେବ ଓ ଅଗ୍ନି ପରି ତୁମ୍ଭମାନଙ୍କ ମାଂସ ଗ୍ରାସ କରିବ। ଏହି ଶେଷକାଳରେ ତୁମ୍ଭେମାନେ ଧନ ସଞ୍ଚୟ କରିଅଛ!
\v 4 ଦେଖ, ତୁମ୍ଭମାନଙ୍କ କ୍ଷେତ୍ରର ଶସ୍ୟଛେଦନକାରୀମାନଙ୍କୁ ପ୍ରବଞ୍ଚନା କରି ତୁମ୍ଭେମାନେ ଯେଉଁ ମୂଲ ଦେଇ ନାହଁ, ତାହା ଚିତ୍କାର କରୁଅଛି, ପୁଣି, ଶସ୍ୟଛେଦନକାରୀମାନଙ୍କର ଆର୍ତ୍ତନାଦ ବାହିନୀମାନଙ୍କ ପ୍ରଭୁଙ୍କ କର୍ଣ୍ଣରେ ପ୍ରବେଶ କରିଅଛି।
\v 5 ତୁମ୍ଭେମାନେ ଜଗତରେ ସୁଖଭୋଗ ଓ ବିଳାସିତାରେ କାଳକ୍ଷେପଣ କରିଅଛ, ବଧ ଦିନରେ ଆପଣା ଆପଣା ହୃଦୟକୁ ତୃପ୍ତ କରିଅଛ।
\v 6 ତୁମ୍ଭେମାନେ ଧାର୍ମିକକୁ ଦୋଷୀ କରି ବଧ କରିଅଛ; ସେ ତୁମ୍ଭମାନଙ୍କର ପ୍ରତିରୋଧ କରେ ନାହିଁ।
\s ଧୈର୍ଯ୍ୟ ସହ କ୍ଳେଶଭୋଗ
\p
\v 7 ଅତଏବ, ହେ ଭାଇମାନେ, ପ୍ରଭୁଙ୍କ ଆଗମନ ପର୍ଯ୍ୟନ୍ତ ଧୈର୍ଯ୍ୟ ଧରି ରୁହ। ଦେଖ, କୃଷକ କ୍ଷେତ୍ରର ବହୁମୂଲ୍ୟ ଫଳ ପାଇବା ନିମନ୍ତେ ଧୈର୍ଯ୍ୟ ଧରି ଆଦ୍ୟ ଓ ଶେଷ ବୃଷ୍ଟି ନ ହେବା ପର୍ଯ୍ୟନ୍ତ ଅପେକ୍ଷାରେ ରହେ।
\v 8 ତୁମ୍ଭେମାନେ ମଧ୍ୟ ଧୈର୍ଯ୍ୟ ଧରି ଆପଣା ଆପଣା ହୃଦୟକୁ ସୁସ୍ଥିର କର, କାରଣ ପ୍ରଭୁଙ୍କ ଆଗମନ ନିକଟବର୍ତ୍ତୀ।
\v 9 ହେ ଭାଇମାନେ, ତୁମ୍ଭେମାନେ ଯେପରି ଦଣ୍ଡପ୍ରାପ୍ତ ନ ହୁଅ, ଏଥିନିମନ୍ତେ ପରସ୍ପର ବିରୁଦ୍ଧରେ ବଚସା ନ କର, ଦେଖ, ବିଚାରକର୍ତ୍ତା ଦ୍ୱାର ନିକଟରେ ଦଣ୍ଡାୟମାନ ହୋଇଅଛନ୍ତି।
\v 10 ହେ ଭାଇମାନେ, ଯେଉଁ ଭାବବାଦୀମାନେ ପ୍ରଭୁଙ୍କ ନାମରେ କଥା କହିଥିଲେ, ସେମାନଙ୍କୁ କ୍ଳେଶଭୋଗ ଓ ଧୈର୍ଯ୍ୟର ଦୃଷ୍ଟାନ୍ତ ସ୍ୱରୂପେ ଗ୍ରହଣ କର।
\v 11 ଦେଖ, ଯେଉଁମାନେ ସହିଷ୍ଣୁ ହୋଇ ରହିଥିଲେ, ଆମ୍ଭେମାନେ ସେମାନଙ୍କୁ ଧନ୍ୟ ବୋଲି କହିଥାଉ। ତୁମ୍ଭେମାନେ ଆୟୁବଙ୍କ ସହିଷ୍ଣୁତା ବିଷୟରେ ଶୁଣିଅଛ, ପୁଣି, ପ୍ରଭୁଙ୍କ ଶେଷ କାର୍ଯ୍ୟ ଦେଖି ଜାଣିଅଛ ଯେ, ସେ ଦୟାରେ ପରିପୂର୍ଣ୍ଣ ଓ କୃପାବାନ ଅଟନ୍ତି।
\v 12 ବିଶେଷତଃ, ହେ ମୋହର ଖ୍ରୀଷ୍ଟାଶ୍ରୀତ ଲୋକମାନେ, ସ୍ୱର୍ଗର କିଅବା ପୃଥିବୀର ଶପଥ କର ନାହିଁ; କିଅବା ଅନ୍ୟ କୌଣସି ଶପଥ କର ନାହିଁ; କିନ୍ତୁ ତୁମ୍ଭମାନଙ୍କ ହଁ କଥା ହଁ ହେଉ, ନା କଥା ନା ହେଉ, ଯାହା ଫଳରେ ତୁମ୍ଭେମାନେ ବିଚାରରେ ଦଣ୍ଡନୀୟ ନ ହୁଅ।
\s ବିଶ୍ୱାସର ପ୍ରାର୍ଥନା
\p
\v 13 ତୁମ୍ଭମାନଙ୍କ ମଧ୍ୟରେ କଅଣ କେହି ଦୁଃଖଭୋଗ କରୁଅଛି? ସେ ପ୍ରାର୍ଥନା କରୁ। କେହି କଅଣ ଆନନ୍ଦିତ ଅଟେ? ସେ ସ୍ତବଗାନ କରୁ।
\v 14 ତୁମ୍ଭମାନଙ୍କ ମଧ୍ୟରେ କଅଣ କେହି ପୀଡ଼ିତ? ସେ ମଣ୍ଡଳୀର ପ୍ରାଚୀନମାନଙ୍କୁ ଡକାଉ ସେମାନେ ପ୍ରଭୁଙ୍କ ନାମରେ ତୈଳ ମଖାଇ ତାହା ନିମନ୍ତେ ପ୍ରାର୍ଥନା କରନ୍ତୁ।
\v 15 ବିଶ୍ୱାସଯୁକ୍ତ ପ୍ରାର୍ଥନା ସେହି ରୋଗୀକୁ ରକ୍ଷା କରିବ, ପୁଣି, ପ୍ରଭୁ ତାହାକୁ ଉଠାଇବେ ଆଉ ଯଦି ସେ ପାପ କରିଥାଏ, ତାହାହେଲେ ତାହାକୁ କ୍ଷମା ଦିଆଯିବ।
\v 16 ଅତଏବ, ପରସ୍ପର ନିକଟରେ ଆପଣା ଆପଣାର ପାପ ସ୍ୱୀକାର କର, ପୁଣି, ସୁସ୍ଥ ହେବା ନିମନ୍ତେ ପରସ୍ପର ପାଇଁ ପ୍ରାର୍ଥନା କର। ଧାର୍ମିକ ବ୍ୟକ୍ତିର ପ୍ରାର୍ଥନା ଅନେକ କାର୍ଯ୍ୟ ସାଧନ କରିପାରେ।
\v 17 ଏଲୀୟ ଆମ୍ଭମାନଙ୍କ ପରି ସୁଖଦୁଃଖଭୋଗୀ ମନୁଷ୍ୟ ଥିଲେ ପୁଣି ସେ ବୃଷ୍ଟି ନ ହେବା ନିମନ୍ତେ ଏକାନ୍ତ ଚିତ୍ତରେ ପ୍ରାର୍ଥନା କଲେ, ଆଉ ତିନି ବର୍ଷ ଛଅ ମାସ ପର୍ଯ୍ୟନ୍ତ ଦେଶରେ ବୃଷ୍ଟି ହେଲା ନାହିଁ।
\v 18 ସେ ପୁନର୍ବାର ପ୍ରାର୍ଥନା କରନ୍ତେ ଆକାଶରୁ ବୃଷ୍ଟି ହେଲା, ଆଉ ଭୂମି ଆପଣା ଫଳ ଉତ୍ପନ୍ନ କଲା।
\v 19 ହେ ମୋହର ଭାଇମାନେ, ତୁମ୍ଭମାନଙ୍କ ମଧ୍ୟରୁ ଯଦି କେହି ସତ୍ୟ ପଥରୁ ଭ୍ରାନ୍ତ ହୁଏ, ପୁଣି, କେହି ତାହାକୁ ଫେରାଇ ଆଣେ,
\v 20 ତେବେ ଯେ ପାପୀକୁ ଭ୍ରାନ୍ତିପଥରୁ ଫେରାଇ ଆଣେ, ସେ ଯେ ତାହାର ଆତ୍ମାକୁ ମୃତ୍ୟୁରୁ ରକ୍ଷା କରେ ଓ ବହୁତ ପାପ ଆଚ୍ଛାଦନ କରେ, ଏହା ଜାଣ।