shojojohn_ory_irv_tit_book/tit/3.json

19 lines
5.5 KiB
JSON

{
"1": "ଶାସନକର୍ତ୍ତା ଏବଂ ତାହାର ଅଧିକାରୀମାନଙ୍କର ବଶୀଭୂତ ଓ ବାଧ୍ୟ ହେବାକୁ ପୁଣି, ସମସ୍ତ ପ୍ରକାର ସତ୍କର୍ମ କରିବା ନିମନ୍ତେ ପ୍ରସ୍ତୁତ ହେବାକୁ, ",
"2": "କାହାରି ନିନ୍ଦା ନ କରିବାକୁ, କାହାରି ବିରୋଧୀ ନ ହେବାକୁ, ମୃଦୁଶୀଳ ହେବାକୁ ପୁଣି, ସମସ୍ତ ଲୋକଙ୍କ ପ୍ରତି ସର୍ବପ୍ରକାରେ କୋମଳ ଭାବ ଦେଖାଇବାକୁ ସେମାନଙ୍କୁ ସ୍ମରଣ କରାଅ। ",
"3": "କାରଣ ପୂର୍ବେ ଆମ୍ଭେମାନେ ମଧ୍ୟ ନିର୍ବୋଧ, ଅବାଧ୍ୟ, ଭ୍ରାନ୍ତ ପୁଣି, ନାନା ପ୍ରକାର କୁଅଭିଳାଷ ଓ ସୁଖଭୋଗର ଦାସ ଥିଲୁ, ହିଂସା ଓ ଈର୍ଷାରେ କାଳକ୍ଷେପଣ କରୁଥିଲୁ, ଆଉ ଘୃଣାର ପାତ୍ର ହୋଇ ପରସ୍ପରକୁ ଘୃଣା କରୁଥିଲୁ। ",
"4": "କିନ୍ତୁ ଯେତେବେଳେ ଆମ୍ଭମାନଙ୍କ ତ୍ରାଣକର୍ତ୍ତା ଈଶ୍ବରଙ୍କ ଦୟା ଓ ମାନବଜାତି ପ୍ରତି ତାହାଙ୍କ ପ୍ରେମ ପ୍ରକାଶିତ ହେଲା, ",
"5": "ସେତେବେଳେ ସେ ଆମ୍ଭମାନଙ୍କ କୃତ ଧର୍ମକର୍ମ ସକାଶେ ନୁହେଁ, ମାତ୍ର ଆପଣାର ଦୟାନୁସାରେ ନୂତନ ଜନ୍ମର ପ୍ରକ୍ଷାଳନ ଓ ପବିତ୍ର ଆତ୍ମାଙ୍କ ନୂତନୀକରଣ ଦ୍ୱାରା ଆମ୍ଭମାନଙ୍କୁ ପରିତ୍ରାଣ କରିଅଛନ୍ତି; ",
"6": "ସେହି ପବିତ୍ର ଆତ୍ମାଙ୍କୁ ସେ ଆମ୍ଭମାନଙ୍କ ତ୍ରାଣକର୍ତ୍ତା ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ପ୍ରଚୁର ରୂପେ ଆମ୍ଭମାନଙ୍କ ଉପରେ ଢାଳି ଦେଲେ, ",
"7": "ଯେପରି ଆମ୍ଭେମାନେ ତାହାଙ୍କ ଅନୁଗ୍ରହରେ ଧାର୍ମିକ ଗଣିତ ହୋଇ ଭରସାନୁସାରେ ଅନନ୍ତ ଜୀବନର ଅଧିକାରୀ ହେବୁ। ",
"8": "ଏହି କଥା ବିଶ୍ୱାସ୍ୟ, ଆଉ ଯେପରି ଈଶ୍ବରଙ୍କଠାରେ ବିଶ୍ୱାସକାରୀମାନେ ସମସ୍ତ ସତ୍କର୍ମରେ ପ୍ରବୃତ୍ତ ରହିବାକୁ ମନୋଯୋଗୀ ହୁଅନ୍ତି, ଏଥିନିମନ୍ତେ ଏହି ସମସ୍ତ ବିଷୟରେ ଦୃଢ ରୂପେ ଶିକ୍ଷା ଦିଅ ବୋଲି ମୋହର ଇଚ୍ଛା। ଏହି ସମସ୍ତ ବିଷୟ ମନୁଷ୍ୟମାନଙ୍କ ପକ୍ଷରେ ଉତ୍ତମ ଓ ହିତଜନକ। ",
"9": "କିନ୍ତୁ ବିତଣ୍ଡା ବାଦାନୁବାଦ, ବଂଶାବଳୀ, ବିରୋଧ ଓ ମୋଶାଙ୍କ ବ୍ୟବସ୍ଥା ବିଷୟକ ବାଗ୍‌ଯୁଦ୍ଧରୁ ଅନ୍ତର ହୁଅ, କାରଣ ଏହିସବୁ କ୍ଷତିଜନକ ଓ ଅସାର। ",
"10": "ଯେଉଁ ଲୋକ ଭ୍ରାନ୍ତ ଶିକ୍ଷା ଦ୍ୱାରା ବିଭାଜନ କରିବାକୁ ଚେଷ୍ଟା କରନ୍ତି, ତାହାକୁ ଥରେ, ଦୁଇ ଥର ଅନୁଯୋଗ କଲା ଉତ୍ତାରେ ତାହାଠାରୁ ପୃଥକ୍ ହୋଇ ରୁହ; ",
"11": "ଏହିପରି ଲୋକ ଯେ ପଥଭ୍ରଷ୍ଟ ହୋଇଅଛି ଓ ପାପ କରି ଆପଣାକୁ ଆପେ ଦୋଷୀ କରେ, ଏହା ତ ତୁମ୍ଭେ ଜାଣ।\n\\s ଶେଷ ପରାମର୍ଶ ଓ ସମ୍ଭାଷଣ\n\\p ",
"12": "ଯେତେବେଳେ ମୁଁ ତୁମ୍ଭ ନିକଟକୁ ଆର୍ତ୍ତେମା କିମ୍ବା ତୁଖିକକୁ ପଠାଇବି, ସେତେବେଳେ ନୀକପଲି ସହରରେ ମୋ ପାଖକୁ ଆସିବା ପାଇଁ ଉଦ୍ୟମ କର, କାରଣ ସେଠାରେ ଶୀତକାଳ କ୍ଷେପଣ କରିବାକୁ ମୁଁ ସ୍ଥିର କରିଅଛି। ",
"13": "ମୋଶାଙ୍କ ବ୍ୟବସ୍ଥାଶାସ୍ତ୍ରଜ୍ଞ ଜୀନା ଓ ଆପଲ୍ଲଙ୍କୁ ଯତ୍ନ ପୂର୍ବକ ବାଟ ବଳାଇଦିଅ, ଯେପରି ସେମାନଙ୍କର କୌଣସି ଅଭାବ ନ ହୁଏ। ",
"14": "ଆମ୍ଭମାନଙ୍କ ଲୋକମାନେ ମଧ୍ୟ ପ୍ରୟୋଜନୀୟ ଉପକାର ନିମନ୍ତେ ସତ୍କର୍ମରେ ପ୍ରବୃତ୍ତ ରହିବାକୁ ଶିଖନ୍ତୁ, ଯେପରି ସେମାନେ ଫଳହୀନ ନ ହୁଅନ୍ତି। ",
"15": "ମୋ ସଙ୍ଗରେ ଥିବା ସମସ୍ତେ ତୁମ୍ଭକୁ ନମସ୍କାର ଜଣାଉଅଛନ୍ତି। ବିଶ୍ୱାସ ସମ୍ବନ୍ଧରେ ଯେଉଁମାନେ ଆମ୍ଭମାନଙ୍କୁ ପ୍ରେମ କରନ୍ତି, ସେମାନଙ୍କୁ ନମସ୍କାର ଜଣାଅ।\n\\p ତୁମ୍ଭ ସମସ୍ତଙ୍କ ପ୍ରତି ଅନୁଗ୍ରହ ବର୍ତ୍ତୁ।",
"front": "\\s ସମସ୍ତ ସତ୍କର୍ମ ନିମନ୍ତେ ପ୍ରସ୍ତୁତି\n\\p "
}