more OT books

This commit is contained in:
Larry Versaw 2018-02-07 11:38:47 -07:00
parent 19bbf8aea5
commit e90e0e5423
23 changed files with 20977 additions and 7 deletions

1544
03-LEV.usfm Normal file
View File

@ -0,0 +1,1544 @@
\id LEV
\ide UTF-8
\sts - Odia Old Version Revision
\rem - Copyright Information: Creative Commons Attribution - ShareAlike 4.0 licence
\h - ଲେବୀୟ ପୁସ୍ତକ
\toc1 - ଲେବୀୟ ପୁସ୍ତକ
\toc2 - ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ
\toc3 lev
\mt1 ଲେବୀୟ ପୁସ୍ତକ
\mt2 The Third Book of Moses
\mt2 called
\mt2 ଅର୍ଥାତ୍‍
\mt2 ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ
\s5
\c 1
\s ହୋମବଳିର ନିୟମ
\p
\v 1 ଅନନ୍ତର ସଦାପ୍ରଭୁ ସମାଗମ-ତମ୍ବୁରୁ ମୋଶାଙ୍କୁ ଡାକି କହିଲେ,
\v 2 “ତୁମ୍ଭେ ଇସ୍ରାଏଲ ସନ୍ତାନଗଣଙ୍କୁ କୁହ, ତୁମ୍ଭମାନଙ୍କ ମଧ୍ୟରୁ କେହି ଯଦି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବଳି ଉତ୍ସର୍ଗ କରେ, ତେବେ ସେ ଗୋରୁ ଅବା ମେଷ ପଲରୁ ଆପଣା ବଳି ଆଣି ଉତ୍ସର୍ଗ କରୁ ।
\p
\s5
\v 3 ସେ ଯଦି ଗୋଠରୁ (ଗାଈଗୋରୁ ପଲରୁ) ହୋମାର୍ଥକ ବଳି ଉତ୍ସର୍ଗ କରେ, ତେବେ ନିଖୁନ୍ତ ପୁଂ ପଶୁ ସମାଗମ-ତମ୍ବୁର ଦ୍ୱାର ନିକଟକୁ ଆଣିବ; ଯେପରି ତାହା ସଦାପ୍ରଭୁଙ୍କ ଛାମୁରେ ଗ୍ରାହ୍ୟ ହେବ ।
\v 4 ପୁଣି, ସେ ହୋମ ବଳିର ମସ୍ତକରେ ଆପଣା ହସ୍ତ ରଖିବ; ତହିଁରେ ସେହି ବଳି ତାହାର ପ୍ରାୟଶ୍ଚିତ୍ତ ରୂପେ ଗ୍ରାହ୍ୟ ହେବ ।
\s5
\v 5 ତହୁଁ ସେ ସଦାପ୍ରଭୁଙ୍କ ସମ୍ମୁଖରେ ସେହି ଗୋବତ୍ସକୁ ବଧ କରିବ; ଆଉ, ହାରୋଣର ପୁତ୍ର ଯାଜକଗଣ ତାହାର ରକ୍ତ ନେଇ ସମାଗମ-ତମ୍ବୁର ଦ୍ୱାର ସମୀପସ୍ଥ ବେଦି ଉପର ଚାରିଆଡ଼େ ଛିଞ୍ଚିବେ ।
\v 6 ପୁଣି ସେ ସେହି ହୋମବଳିର ଚର୍ମ କାଢ଼ି ତାହା ଖଣ୍ଡ ଖଣ୍ଡ କରିବ ।
\s5
\v 7 ଅନନ୍ତର ହାରୋଣ ଯାଜକର ପୁତ୍ରଗଣ ସେହି ବେଦି ଉପରେ ଅଗ୍ନି ରଖିବେ ଓ ଅଗ୍ନି ଉପରେ କାଷ୍ଠ ସଜାଇବେ ।
\v 8 ପୁଣି ହାରୋଣର ପୁତ୍ର ଯାଜକମାନେ ବେଦି ଉପରିସ୍ଥ ଅଗ୍ନି ଓ କାଷ୍ଠ ଉପରେ ସେହି ପଶୁର ଖଣ୍ଡସକଳ, ମସ୍ତକ ଓ ମେଦ ସଜାଇ ରଖିବେ ।
\v 9 ମାତ୍ର ସେ ତାହାର ଅନ୍ତ ଓ ପାଦ ଜଳରେ ଧୌତ କରିବ; ତହୁଁ ଯାଜକ ବେଦି ଉପରେ ତାହାସବୁ ଦଗ୍ଧ କରିବ, ତାହା ହୋମବଳି, ଅର୍ଥାତ୍‍, ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ହେବ ।
\p
\s5
\v 10 ଆଉ ଯଦି ସେ ମେଷ କି ଛାଗପଲରୁ ହୋମ ବଳି ଉତ୍ସର୍ଗ କରେ,
\v 11 ତେବେ ସେ ନିଖୁନ୍ତ ପୁଂ ପଶୁ ଘେନି ସଦାପ୍ରଭୁଙ୍କ ସମ୍ମୁଖରେ ଯଜ୍ଞବେଦିର ଉତ୍ତର ଦିଗରେ ବଧ କରିବ; ପୁଣି ହାରୋଣର ପୁତ୍ର ଯାଜକଗଣ ବେଦିର ଉପର ଚତୁର୍ଦ୍ଦିଗରେ ତାହାର ରକ୍ତ ଛିଞ୍ଚିବେ ।
\s5
\v 12 ଆଉ ସେ ତାହାର ମସ୍ତକ ଓ ମେଦ ସହିତ ତାକୁ ଖଣ୍ଡ ଖଣ୍ଡ କରିବ; ତହିଁରେ ଯାଜକ ବେଦି ଉପରିସ୍ଥ ଅଗ୍ନି ଓ କାଷ୍ଠ ଉପରେ ତାହା ସଜାଇ ରଖିବ ।
\v 13 ମାତ୍ର ସେ ତାହାର ଅନ୍ତ ଓ ପାଦ ଜଳରେ ଧୌତ କରିବ; ତହୁଁ ଯାଜକ ସେହି ସମସ୍ତ ଉତ୍ସର୍ଗ କରି ବେଦି ଉପରେ ଦଗ୍ଧ କରିବ, ତାହା ହୋମବଳି, ଅର୍ଥାତ୍‍, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତୁଷ୍ଟିଜନକ ଆଘ୍ରାଣାର୍ଥେ ଅଗ୍ନିକୃତ ଉପହାର ହେବ ।
\p
\s5
\v 14 ଆଉ ଯଦି ସେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପକ୍ଷୀମାନଙ୍କ ମଧ୍ୟରୁ ହୋମ ବଳି ଉତ୍ସର୍ଗ କରେ, ତେବେ କପୋତ ଅବା ପାରାଛୁଆ ମଧ୍ୟରୁ ତାହା ନେବ ।
\v 15 ତହୁଁ ଯାଜକ ତାହା ବେଦି ନିକଟକୁ ଆଣି ତାହାର ମସ୍ତକ ମୋଡ଼ି ତାକୁ ବେଦି ଉପରେ ଦଗ୍ଧ କରିବ; ଆଉ ତାହାର ରକ୍ତ ବେଦି ପାର୍ଶ୍ୱରେ ନିଗାଡ଼ିବ ।
\s5
\v 16 ଅନନ୍ତର ସେ ତାହାର ମଳ ସହିତ ଗଳା ଥଳୀ ଘେନି ବେଦିର ପୂର୍ବପାଶ୍ୱର୍ସ୍ଥ ଭସ୍ମ ସ୍ଥାନରେ ନିକ୍ଷେପ କରିବ ।
\v 17 ଆଉ, ପକ୍ଷମୂଳ ଚିରିବ, ମାତ୍ର ଦ୍ୱିଖଣ୍ଡ କରିବ ନାହିଁ; ପୁଣି ଯାଜକ ବେଦି ଉପରିସ୍ଥ ଅଗ୍ନି ଓ କାଷ୍ଠ ଉପରେ ଦଗ୍ଧ କରିବ, ତହିଁରେ ତାହା ହୋମବଳି, ଅର୍ଥାତ୍‍, ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ହେବ ।
\s5
\c 2
\s ଭକ୍ଷ୍ୟ ନୈବେଦ୍ୟର ନିୟମ
\p
\v 1 ଆଉ, କେହି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଭକ୍ଷ୍ୟ ନୈବେଦ୍ୟ ଆଣିଲେ, ସରୁ ମଇଦା ତାହାର ନୈବେଦ୍ୟ ହେବ; ପୁଣି ସେ ତହିଁ ଉପରେ ତୈଳ ଢାଳି କୁନ୍ଦୁରୁ ଦେବ;
\v 2 ପୁଣି ତାହା ହାରୋଣର ପୁତ୍ର ଯାଜକମାନଙ୍କ ନିକଟକୁ ଆଣିବ; ତହିଁରେ ଯାଜକ ତହିଁରୁ ମୁଠାଏ ସରୁ ମଇଦା ଓ କିଛି ତୈଳ ଓ ସମସ୍ତ କୁନ୍ଦୁରୁ ନେବ; ପୁଣି ଯାଜକ ସ୍ମରଣାର୍ଥକ ଅଂଶ ରୂପେ ତାହା ବେଦି ଉପରେ ଦଗ୍ଧ କରିବ; ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତୁଷ୍ଟିଜନକ ଆଘ୍ରାଣାର୍ଥେ ଅଗ୍ନିକୃତ ଉପହାର ହେବ ।
\v 3 ଏହି ଭକ୍ଷ୍ୟ ନୈବେଦ୍ୟର ଅବଶିଷ୍ଟ ଅଂଶ ହାରୋଣର ଓ ତାହାର ପୁତ୍ରମାନଙ୍କର ହେବ; ସଦାପ୍ରଭୁଙ୍କର ଅଗ୍ନିକୃତ ଉପହାର ମଧ୍ୟରେ ତାହା ମହାପବିତ୍ର ।
\p
\s5
\v 4 ଆଉ ଯଦି ତୁମ୍ଭେ ଭକ୍ଷ୍ୟ ନୈବେଦ୍ୟ ରୂପେ ତନ୍ଦୁରରେ ରନ୍ଧନ ହୋଇଥିବା ଦ୍ରବ୍ୟ ଦିଅ, ତେବେ ତାହା ତୈଳ ମିଶ୍ରିତ ଓ ତାଡ଼ିଶୂନ୍ୟ ସରୁ ମଇଦାର ପିଠା ଅବା ତୈଳାକ୍ତ ସରୁ ଚକୁଳି ହେବ ।
\v 5 ଆଉ ଯଦି ପଲମରେ ଭଜା ଦ୍ରବ୍ୟ ତୁମ୍ଭର ଭକ୍ଷ୍ୟ ନୈବେଦ୍ୟ ହୁଏ, ତେବେ ତାହା ତୈଳ ମିଶ୍ରିତ ଓ ତାଡ଼ିଶୂନ୍ୟ ସରୁ ମଇଦାର ପିଠା ହେବ ।
\s5
\v 6 ତୁମ୍ଭେ ତାହା ଖଣ୍ଡ ଖଣ୍ଡ କରି ତହିଁ ଉପରେ ତୈଳ ଢାଳିବ; ତାହା ଭକ୍ଷ୍ୟ ନୈବେଦ୍ୟ ।
\v 7 ଆଉ ଯଦି କରେଇରେ ରନ୍ଧନ ହୋଇଥିବା ଦ୍ରବ୍ୟ ତୁମ୍ଭର ଭକ୍ଷ୍ୟ ନୈବେଦ୍ୟ ହୁଏ, ତେବେ ତାହା ତୈଳରେ ରନ୍ଧନ ହୋଇଥିବା ସରୁ ମଇଦାର ହେବ ।
\p
\s5
\v 8 ତୁମ୍ଭେ ଏହିସବୁ ଦ୍ରବ୍ୟରେ ପ୍ରସ୍ତୁତ ଭକ୍ଷ୍ୟ ନୈବେଦ୍ୟ ସଦାପ୍ରଭୁଙ୍କ ଛାମୁକୁ ଆଣିବ; ଆଉ ତାହା ଯାଜକକୁ ଦେବ, ତହୁଁ ସେ ବେଦି ନିକଟକୁ ଆଣିବ ।
\v 9 ପୁଣି, ଯାଜକ ସେହି ଭକ୍ଷ୍ୟ ନୈବେଦ୍ୟରୁ ସ୍ମରଣାର୍ଥକ ଅଂଶ ନେଇ ବେଦି ଉପରେ ଦଗ୍ଧ କରିବ; ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତୁଷ୍ଟିଜନକ ଆଘ୍ରାଣାର୍ଥେ ଅଗ୍ନିକୃତ ଉପହାର ହେବ ।
\v 10 ପୁଣି ସେହି ଭକ୍ଷ୍ୟ ନୈବେଦ୍ୟର ଅବଶିଷ୍ଟ ଅଂଶ ହାରୋଣର ଓ ତାହାର ପୁତ୍ରଗଣଙ୍କର ହେବ; ସଦାପ୍ରଭୁଙ୍କର ଅଗ୍ନିକୃତ ଉପହାର ମଧ୍ୟରେ ତାହା ମହାପବିତ୍ର ।
\p
\s5
\v 11 ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଯେକୌଣସି ଭକ୍ଷ୍ୟ ନୈବେଦ୍ୟ ଉତ୍ସର୍ଗ କରିବ, ତାହା ତାଡ଼ିଯୁକ୍ତ ହେବ ନାହିଁ, ଯେହେତୁ ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ରୂପେ ତାଡ଼ି କି ମଧୁ ଦଗ୍ଧ କରିବ ନାହିଁ ।
\v 12 ତୁମ୍ଭେମାନେ ପ୍ରଥମଜାତ ଫଳର ନୈବେଦ୍ୟ ରୂପେ ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବ, ମାତ୍ର ତୁଷ୍ଟିଜନକ ଆଘ୍ରାଣାର୍ଥେ ତାହା ବେଦି ଉପରକୁ ଆସିବ ନାହିଁ ।
\v 13 ଆଉ ତୁମ୍ଭେ ଆପଣା ଭକ୍ଷ୍ୟ ନୈବେଦ୍ୟର ପ୍ରତ୍ୟେକ ଦ୍ରବ୍ୟ ଲବଣାକ୍ତ କରିବ; କଦାପି ତୁମ୍ଭେ ଆପଣା ଭକ୍ଷ୍ୟ ନୈବେଦ୍ୟକୁ ତୁମ୍ଭ ପରମେଶ୍ୱରଙ୍କ ନିୟମସୂଚକ ଲବଣରହିତ ହେବାକୁ ଦେବ ନାହିଁ; ତୁମ୍ଭର ସମସ୍ତ ନୈବେଦ୍ୟ ସହିତ ଲବଣ ଉତ୍ସର୍ଗ କରିବ ।
\s5
\v 14 ପୁଣି ଯଦି ତୁମ୍ଭେ ଆପଣା ପ୍ରଥମ ଫଳର ନୈବେଦ୍ୟ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କର, ତେବେ ତୁମ୍ଭ ପ୍ରଥମଜାତ ଫଳର ନୈବେଦ୍ୟ ରୂପେ ଅଗ୍ନିରେ ଭଜା ଶିଷା, ଅର୍ଥାତ୍‍, ମର୍ଦ୍ଦିତ କୋମଳ ଶିଷା ଉତ୍ସର୍ଗ କରିବ ।
\v 15 ପୁଣି ତହିଁ ଉପରେ ତୈଳ ଦେବ ଓ କୁନ୍ଦୁରୁ ରଖିବ; ତାହା ଭକ୍ଷ୍ୟ ନୈବେଦ୍ୟ ।
\v 16 ତହୁଁ ଯାଜକ ତହିଁର ସ୍ମରଣାର୍ଥକ ଅଂଶ ରୂପେ କିଛି ମର୍ଦ୍ଦିତ ଶସ୍ୟ, କିଛି ତୈଳ ଓ ସମସ୍ତ କୁନ୍ଦୁରୁ ଦଗ୍ଧ କରିବ; ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ।
\s5
\c 3
\s ମଙ୍ଗଳାର୍ଥକ ବଳିଦାନର ନିୟମ
\p
\v 1 ଆଉ, କୌଣସି ବ୍ୟକ୍ତିର ଉପହାର ଯଦି ମଙ୍ଗଳାର୍ଥକ ବଳିଦାନ ହୁଏ; ଯଦି ସେ ପଲରୁ ଅଣ୍ଡିରା କି ମାଈ ଗୋରୁ ଦିଏ, ତେବେ ସେ ସଦାପ୍ରଭୁଙ୍କ ଛାମୁକୁ ନିଖୁନ୍ତ ପଶୁ ଆଣିବ ।
\v 2 ପୁଣି, ସେ ସମାଗମ-ତମ୍ବୁର ଦ୍ୱାର ନିକଟରେ ଆପଣା ବଳିର ମସ୍ତକରେ ହସ୍ତ ରଖି ତାକୁ ବଧ କରିବ; ତହୁଁ ହାରୋଣର ପୁତ୍ର ଯାଜକଗଣ ତାହାର ରକ୍ତ ବେଦି ଉପରେ ଚତୁର୍ଦ୍ଦିଗରେ ଛିଞ୍ଚିବେ ।
\s5
\v 3 ଏଥିଉତ୍ତାରେ ସେ ସେହି ମଙ୍ଗଳାର୍ଥକ ବଳିରୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ଉତ୍ସର୍ଗ କରିବ, ଅର୍ଥାତ୍‍, ଅନ୍ତ ଆଚ୍ଛାଦକ ମେଦ, ଅନ୍ତ ଉପରିସ୍ଥ ମେଦ,
\v 4 ଦୁଇ ଗୁର୍ଦା, ତହିଁ ଉପରିସ୍ଥ ପାର୍ଶ୍ୱବର୍ତ୍ତୀ ମେଦ, ଯକୃତର ଉପରିସ୍ଥ ଅନ୍ତପ୍ଲାବକ, ଗୁର୍ଦା ସହିତ ନେବ ।
\v 5 ତହୁଁ ହାରୋଣର ପୁତ୍ରଗଣ ବେଦି ଉପରିସ୍ଥ ଅଗ୍ନି, କାଷ୍ଠ ଓ ହୋମଦ୍ରବ୍ୟ ଉପରେ ତାହା ଦଗ୍ଧ କରିବେ; ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତୁଷ୍ଟିଜନକ ଆଘ୍ରାଣାର୍ଥେ ଅଗ୍ନିକୃତ ଉପହାର ହେବ ।
\p
\s5
\v 6 ଆଉ, ଯଦି କେହି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ମେଷାଦିପଲରୁ ମଙ୍ଗଳାର୍ଥକ ବଳିଦାନ କରେ, ତେବେ ସେ ନିଖୁନ୍ତ ଅଣ୍ଡିରା କି ମାଈ ପଶୁ ଉତ୍ସର୍ଗ କରିବ ।
\v 7 ଯଦି ସେ ଉପହାର ନିମନ୍ତେ ମେଷବତ୍ସ ବଳିଦାନ କରେ, ତେବେ ସେ ସଦାପ୍ରଭୁଙ୍କ ଛାମୁକୁ ତାହା ଆଣିବ;
\v 8 ପୁଣି ଆପଣା ବଳିର ମସ୍ତକରେ ହସ୍ତ ରଖି ସମାଗମ-ତମ୍ବୁ ନିକଟରେ ତାକୁ ବଧ କରିବ । ତହୁଁ ହାରୋଣର ପୁତ୍ରଗଣ ବେଦି ଉପରେ ଚାରିଆଡ଼େ ତାହାର ରକ୍ତ ଛିଞ୍ଚିବେ ।
\s5
\v 9 ଏଥିଉତ୍ତାରେ ସେ ସେହି ମଙ୍ଗଳାର୍ଥକ ବଳିରୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ଉତ୍ସର୍ଗ କରିବ; ଅର୍ଥାତ୍‍, ତହିଁର ମେଦ, ସମସ୍ତ ମେଦମୟ ଲାଙ୍ଗୁଳ ମେରୁଦଣ୍ଡ ନିକଟରୁ ନେବ, ଅନ୍ତ ଆଚ୍ଛାଦକ ମେଦ, ଅନ୍ତ ଉପରିସ୍ଥ ସମସ୍ତ ମେଦ,
\v 10 ଦୁଇ ଗୁର୍ଦା, ତହିଁ ଉପରିସ୍ଥ ପାର୍ଶ୍ୱବର୍ତ୍ତୀ ମେଦ ଓ ଯକୃତର ଉପରିସ୍ଥ ଅନ୍ତପ୍ଲାବକ, ଗୁର୍ଦା ସହିତ ନେବ ।
\v 11 ତହୁଁ ଯାଜକ ତାହା ବେଦି ଉପରେ ଦଗ୍ଧ କରିବ; ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ରୂପ ଭୋଜନ ।
\p
\s5
\v 12 ଆଉ, କେହି ଯଦି ଛାଗଳ ବଳିଦାନ କରେ, ତେବେ ସେ ତାହା ସଦାପ୍ରଭୁଙ୍କ ଛାମୁକୁ ଆଣିବ,
\v 13 ପୁଣି, ଆପଣା ବଳିର ମସ୍ତକରେ ହସ୍ତ ରଖି ସମାଗମ-ତମ୍ବୁ ନିକଟରେ ତାକୁ ବଧ କରିବ; ତହୁଁ ହାରୋଣର ପୁତ୍ରଗଣ ବେଦି ଉପରେ ଚାରିଆଡ଼େ ତାହାର ରକ୍ତ ଛିଞ୍ଚିବେ ।
\v 14 ଆଉ, ସେ ତହିଁରୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ଉତ୍ସର୍ଗ କରିବ, ଅର୍ଥାତ୍‍, ଅନ୍ତ ଆଚ୍ଛାଦକ ମେଦ, ଅନ୍ତ ଉପରିସ୍ଥ ସମସ୍ତ ମେଦ,
\s5
\v 15 ଦୁଇ ଗୁର୍ଦା, ତାହାର ଉପରିସ୍ଥ ପାର୍ଶ୍ୱବର୍ତ୍ତୀ ମେଦ ଓ ଯକୃତର ଉପରିସ୍ଥ ଅନ୍ତପ୍ଲାବକ, ଗୁର୍ଦା ସହିତ ନେବ ।
\v 16 ତହୁଁ ଯାଜକ ବେଦି ଉପରେ ତାହା ଦଗ୍ଧ କରିବ; ତାହା ତୁଷ୍ଟିଜନକ ଆଘ୍ରାଣାର୍ଥେ ଅଗ୍ନିକୃତ ଉପହାର ରୂପ ଭୋଜନ; ସମସ୍ତ ମେଦ ସଦାପ୍ରଭୁଙ୍କର ।
\v 17 ତାହା ତୁମ୍ଭମାନଙ୍କର ପୁରୁଷାନୁକ୍ରମେ ସମସ୍ତ ଗୃହରେ ପାଳନୀୟ ଅନନ୍ତକାଳୀନ ବିଧି; ତୁମ୍ଭେମାନେ ମେଦ ଓ ରକ୍ତ, କିଛି ଭୋଜନ କରିବ ନାହିଁ ।”
\s5
\c 4
\s ପାପ ମୋଚନ ବଳିଦାନର ନିୟମ
\p
\v 1 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
\v 2 “ତୁମ୍ଭେ ଇସ୍ରାଏଲ ସନ୍ତାନଗଣକୁ କୁହ, ଯାହା ନ କରିବାକୁ ସଦାପ୍ରଭୁ ଆଜ୍ଞା ଦେଇଅଛନ୍ତି, ଯଦି କୌଣସି ବ୍ୟକ୍ତି ତହିଁ ମଧ୍ୟରୁ କୌଣସି କର୍ମ କରି ଭୁଲବଶତଃ ପାପ କରେ;
\v 3 ବିଶେଷତଃ ଅଭିଷିକ୍ତ ଯାଜକ ଯଦି ଲୋକମାନଙ୍କର ଦୋଷଜନକ ପାପ କରେ; ତେବେ ସେ ଆପଣା କୃତ ପାପ ନିମନ୍ତେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନିଖୁନ୍ତ ଏକ ଗୋବତ୍ସ ପାପାର୍ଥକ ବଳି ରୂପେ ଉତ୍ସର୍ଗ କରିବ ।
\s5
\v 4 ପୁଣି ସେ ସମାଗମ-ତମ୍ବୁର ଦ୍ୱାର ନିକଟରେ ସଦାପ୍ରଭୁଙ୍କ ଛାମୁରେ ସେହି ଗୋବତ୍ସ ଆଣି ତାହା ମସ୍ତକରେ ହସ୍ତ ରଖି ସଦାପ୍ରଭୁଙ୍କ ସମ୍ମୁଖରେ ତାକୁ ବଧ କରିବ ।
\v 5 ଆଉ, ଅଭିଷିକ୍ତ ଯାଜକ ସେହି ଗୋବତ୍ସର ରକ୍ତରୁ କିଛି ନେଇ ସମାଗମ-ତମ୍ବୁ ମଧ୍ୟକୁ ଆଣିବ ।
\s5
\v 6 ପୁଣି, ଯାଜକ ସେହି ରକ୍ତରେ ଆପଣା ଅଙ୍ଗୁଳି ଡୁବାଇ ସଦାପ୍ରଭୁଙ୍କ ଛାମୁରେ ପବିତ୍ର ସ୍ଥାନର ବିଚ୍ଛେଦବସ୍ତ୍ର ଆଗରେ ସାତ ଥର ଛିଞ୍ଚିବ ।
\v 7 ଆଉ, ଯାଜକ ସେହି ରକ୍ତରୁ କିଛି ନେଇ ସମାଗମ-ତମ୍ବୁର ମଧ୍ୟସ୍ଥିତ ସୁଗନ୍ଧି ଧୂପବେଦିର ଶୃଙ୍ଗରେ ସଦାପ୍ରଭୁଙ୍କ ସମ୍ମୁଖରେ ଦେବ; ତହୁଁ ଗୋବତ୍ସର ସମସ୍ତ ରକ୍ତ ନେଇ ସମାଗମ-ତମ୍ବୁର ଦ୍ୱାରସ୍ଥିତ ହୋମବେଦି ମୂଳରେ ଢାଳିବ ।
\s5
\v 8 ଆଉ, ପାପାର୍ଥକ ବଳି ରୂପ ଗୋବତ୍ସର ସମସ୍ତ ମେଦ, ଅର୍ଥାତ୍‍, ଅନ୍ତ ଆଚ୍ଛାଦକ ମେଦ, ଅନ୍ତ ଉପରିସ୍ଥ ମେଦ,
\v 9 ଦୁଇ ଗୁର୍ଦା, ତହିଁ ଉପରିସ୍ଥ ପାର୍ଶ୍ୱବର୍ତ୍ତୀ ମେଦ ଓ ଯକୃତର ଉପରିସ୍ଥ ଅନ୍ତପ୍ଲାବକ, ଗୁର୍ଦା ସହିତ ନେବ ।
\v 10 ମଙ୍ଗଳାର୍ଥକ ବଳିର ଗୋରୁ ହେଲେ ଯେରୂପ କରିବାକୁ ହୁଏ, ସେରୂପ କରିବ; ପୁଣି ଯାଜକ ହୋମବେଦି ଉପରେ ତାହା ଦଗ୍ଧ କରିବ ।
\s5
\v 11 ଆଉ, ସେହି ଗୋବତ୍ସର ଚର୍ମ, ସମସ୍ତ ମାଂସ, ମସ୍ତକ, ପାଦ, ଅନ୍ତ ଓ ଗୋମୟ,
\v 12 ସର୍ବସମେତ ଗୋବତ୍ସକୁ ନେଇ ଛାଉଣି ବାହାରେ ଶୁଚି ସ୍ଥାନରେ, ଅର୍ଥାତ୍‍, ଭସ୍ମ ନିକ୍ଷେପ ସ୍ଥାନକୁ ଆଣି କାଷ୍ଠ ଉପରେ ଅଗ୍ନିରେ ଦଗ୍ଧ କରିବ; ଭସ୍ମ ନିକ୍ଷେପ ସ୍ଥାନରେ ତାହା ଦଗ୍ଧ କରିବାକୁ ହେବ ।
\p
\s5
\v 13 ଆଉ, ଇସ୍ରାଏଲର ସମଗ୍ର ମଣ୍ଡଳୀ ଯଦି ଭୁଲବଶତଃ ପାପ କରନ୍ତି ଓ ତାହା ସମାଜର ଦୃଷ୍ଟିରେ ଅଗୋଚର ହୁଏ, ଆଉ ଯାହା ନ କରିବାକୁ ସଦାପ୍ରଭୁ ଆଜ୍ଞା ଦେଇଅଛନ୍ତି, ତହିଁ ମଧ୍ୟରୁ ସେମାନେ ଯଦି କୌଣସି କର୍ମ କରି ଦୋଷୀ ହୁଅନ୍ତି;
\v 14 ତେବେ ସେମାନଙ୍କ କୃତ ସେହି ପାପ ଜଣାପଡ଼ିଲେ, ସମାଜ ପାପାର୍ଥକ ବଳି ରୂପେ ଏକ ଗୋବତ୍ସ ଉତ୍ସର୍ଗ କରିବେ, ପୁଣି ସମାଗମ-ତମ୍ବୁ ନିକଟକୁ ତାହା ଆଣିବେ ।
\v 15 ଏଥିଉତ୍ତାରେ ମଣ୍ଡଳୀର ପ୍ରାଚୀନବର୍ଗ ସଦାପ୍ରଭୁଙ୍କ ସମ୍ମୁଖରେ ସେହି ଗୋବତ୍ସ ମସ୍ତକରେ ହସ୍ତ ରଖିବେ; ଆଉ ସଦାପ୍ରଭୁଙ୍କ ସମ୍ମୁଖରେ ସେହି ଗୋବତ୍ସ ବଧ କରାଯିବ ।
\s5
\v 16 ଆଉ, ଅଭିଷିକ୍ତ ଯାଜକ ସେହି ଗୋବତ୍ସର ରକ୍ତରୁ କିଛି ନେଇ ସମାଗମ-ତମ୍ବୁ ମଧ୍ୟକୁ ଆଣିବ ।
\v 17 ପୁଣି, ଯାଜକ ସେହି ରକ୍ତରେ ଆପଣା ଅଙ୍ଗୁଳି ଡୁବାଇ ସଦାପ୍ରଭୁଙ୍କ ଛାମୁରେ ବିଚ୍ଛେଦବସ୍ତ୍ର ଆଗରେ ସାତ ଥର ଛିଞ୍ଚିବ ।
\s5
\v 18 ପୁଣି ସେହି ରକ୍ତରୁ କିଛି ନେଇ ସମାଗମ-ତମ୍ବୁ ମଧ୍ୟରେ ସଦାପ୍ରଭୁଙ୍କ ସମ୍ମୁଖସ୍ଥ ବେଦିର ଶୃଙ୍ଗ ଉପରେ ଦେବ, ଆଉ ସମାଗମ-ତମ୍ବୁର ଦ୍ୱାର ସମୀପସ୍ଥ ହୋମବେଦି ମୂଳରେ ତାହାର ସମସ୍ତ ରକ୍ତ ଢାଳିବ ।
\v 19 ପୁଣି, ବଳିରୁ ସମସ୍ତ ମେଦ ନେଇ ବେଦି ଉପରେ ଦଗ୍ଧ କରିବ ।
\s5
\v 20 ପୁଣି, ସେ ସେହି ପାପାର୍ଥକ ବଳିର ଗୋବତ୍ସକୁ ଯେରୂପ କଲା, ଏହାକୁ ହିଁ ସେରୂପ କରିବ; ଏହିରୂପେ ଯାଜକ ସେମାନଙ୍କ ନିମନ୍ତେ ପ୍ରାୟଶ୍ଚିତ୍ତ କରିବ, ତହିଁରେ ସେମାନେ କ୍ଷମାପ୍ରାପ୍ତ ହେବେ ।
\v 21 ଅନନ୍ତର ସେ ଗୋବତ୍ସକୁ ଛାଉଣିର ବାହାରେ ନେଇ ପ୍ରଥମ ଗୋବତ୍ସ ତୁଲ୍ୟ ତାକୁ ଦଗ୍ଧ କରିବ; ତାହା ସମାଜର ପାପାର୍ଥକ ବଳିଦାନ ।
\p
\s5
\v 22 ଆଉ, ଯଦି କୌଣସି ଅଧ୍ୟକ୍ଷ ପାପ କରେ ଓ ଯାହା ନ କରିବାକୁ ତାହାର ସଦାପ୍ରଭୁ ପରମେଶ୍ୱର ଆଜ୍ଞା ଦେଇଅଛନ୍ତି, ସେସମସ୍ତ ମଧ୍ୟରୁ କୌଣସି ଏକ କର୍ମ ଭୁଲବଶତଃ କରି ଦୋଷୀ ହୁଏ;
\v 23 ତେବେ ସେ ଯେଉଁ ବିଷୟରେ ପାପ କରିଅଛି, ତାହାର ସେହି ପାପ ତାହାକୁ ଜ୍ଞାତ କରାଗଲେ, ସେ ଏକ ନିଖୁନ୍ତ ପୁଂ ଛାଗ ଉପହାର ଆଣିବ ।
\s5
\v 24 ପୁଣି, ସେ ସେହି ଛାଗର ମସ୍ତକରେ ହସ୍ତ ରଖି ହୋମବଳି ବଧ କରିବା ସ୍ଥାନରେ ସଦାପ୍ରଭୁଙ୍କ ସମ୍ମୁଖରେ ତାକୁ ବଧ କରିବ; ତାହା ପାପାର୍ଥକ ବଳିଦାନ ।
\v 25 ତହୁଁ ଯାଜକ ଆପଣା ଅଙ୍ଗୁଳିରେ ସେହି ପାପାର୍ଥକ ବଳିର ରକ୍ତରୁ କିଛି ନେଇ ହୋମବେଦିର ଶୃଙ୍ଗ ଉପରେ ଦେବ ଓ ତାହାର ସମସ୍ତ ରକ୍ତ ହୋମବେଦି ମୂଳରେ ଢାଳିବ ।
\s5
\v 26 ପୁଣି ମଙ୍ଗଳାର୍ଥକ ବଳିଦାନର ମେଦ ତୁଲ୍ୟ ତାହାର ସକଳ ମେଦ ନେଇ ବେଦି ଉପରେ ଦଗ୍ଧ କରିବ; ଏହିରୂପେ ଯାଜକ ତାହାର ପାପମୋଚନାର୍ଥକ ପ୍ରାୟଶ୍ଚିତ୍ତ କରିବ, ତହିଁରେ ସେ କ୍ଷମାପ୍ରାପ୍ତ ହେବ ।
\p
\s5
\v 27 ଆଉ, ସଦାପ୍ରଭୁ ଯାହା ନ କରିବାକୁ ଆଜ୍ଞା କରିଅଛନ୍ତି, ତହିଁରୁ କୌଣସି କର୍ମ କରିବାରେ ଯଦି ସାଧାରଣ ଲୋକଙ୍କ ମଧ୍ୟରୁ କୌଣସି ପ୍ରାଣୀ ଭୁଲବଶତଃ ପାପ କରି ଦୋଷୀ ହୁଏ
\v 28 ଓ ସେ ଯେଉଁ ପାପ କରିଅଛି, ତାହାର ସେହି ପାପ ଯଦି ତାହାକୁ ଜ୍ଞାତ କରାଯାଏ, ତେବେ ସେ ଯେଉଁ ପାପ କରିଅଛି, ତାହାର ସେହି ପାପ ନିମନ୍ତେ ଏକ ନିଖୁନ୍ତ ଛାଗୀ ଉପହାର ଆଣିବ ।
\s5
\v 29 ପୁଣି ସେ ସେହି ପାପାର୍ଥକ ବଳିର ମସ୍ତକରେ ହସ୍ତ ରଖି ହୋମବଳି ବଧ କରିବା ସ୍ଥାନରେ ସେହି ପାପାର୍ଥକ ବଳି ବଧ କରିବ ।
\v 30 ତହୁଁ ଯାଜକ ଅଙ୍ଗୁଳିରେ ତାହାର ରକ୍ତରୁ କିଛି ନେଇ ହୋମବେଦିର ଶୃଙ୍ଗ ଉପରେ ଦେବ, ଆଉ ତାହାର ସମସ୍ତ ରକ୍ତ ହୋମବେଦି ମୂଳରେ ଢାଳିବ ।
\s5
\v 31 ପୁଣି, ମଙ୍ଗଳାର୍ଥକ ବଳିରୁ ନିଆଯାଇଥିବା ମେଦ ତୁଲ୍ୟ ଏହାର ସକଳ ମେଦ ନେବ; ତହୁଁ ଯାଜକ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବେଦି ଉପରେ ତାହା ଦଗ୍ଧ କରିବ; ଏହିରୂପେ ଯାଜକ ତାହା ନିମନ୍ତେ ପ୍ରାୟଶ୍ଚିତ୍ତ କରିବ, ତହିଁରେ ସେ କ୍ଷମାପ୍ରାପ୍ତ ହେବ ।
\p
\s5
\v 32 ମାତ୍ର ଯଦି ସେ ପାପାର୍ଥକ ବଳିଦାନ ନିମନ୍ତେ ମେଷବତ୍ସା ଆଣେ, ତେବେ ନିଖୁନ୍ତ ମେଷବତ୍ସା ଆଣିବ ।
\v 33 ପୁଣି ସେହି ପାପାର୍ଥକ ବଳିର ମସ୍ତକରେ ହସ୍ତ ରଖି ହୋମବଳି ବଧ କରିବା ସ୍ଥାନରେ ପାପାର୍ଥକ ବଳିକୁ ବଧ କରିବ ।
\s5
\v 34 ତହୁଁ ଯାଜକ ଅଙ୍ଗୁଳିରେ ସେହି ପାପାର୍ଥକ ବଳିର ରକ୍ତରୁ କିଛି ନେଇ ହୋମବେଦିର ଶୃଙ୍ଗ ଉପରେ ଦେବ ଓ ତାହାର ସମସ୍ତ ରକ୍ତ ହୋମବେଦି ମୂଳରେ ଢାଳିବ ।
\v 35 ଆଉ, ମଙ୍ଗଳାର୍ଥକ ବଳିର ମେଷବତ୍ସଠାରୁ ନିଆଯାଇଥିବା ମେଦ ତୁଲ୍ୟ ଏହାର ସକଳ ମେଦ ନେବ, ପୁଣି ଯାଜକ ବେଦିରେ ସଦାପ୍ରଭୁଙ୍କ ଅଗ୍ନିକୃତ ଉପହାର ଉପରେ ତାହା ଦଗ୍ଧ କରିବ; ଏହିରୂପେ ସେ ଯେଉଁ ପାପ କରିଅଛି, ସେହି ପାପ ସକାଶୁ ଯାଜକ ତାହା ନିମନ୍ତେ ପ୍ରାୟଶ୍ଚିତ୍ତ କରିବ, ତହିଁରେ ସେ କ୍ଷମାପ୍ରାପ୍ତ ହେବ ।”
\s5
\c 5
\p
\v 1 “ଆଉ, ଯଦି କୌଣସି ବ୍ୟକ୍ତି ସାକ୍ଷୀ ହୋଇ ଶପଥ କରାଇବାର କଥା ଶୁଣିଲେ ହେଁ, ଯାହା ସେ ଦେଖିଅଛି ବା ଜାଣିଅଛି, ତାହା ପ୍ରକାଶ ନ କରି ପାପ କରେ, ତେବେ ସେ ଆପଣା ଅପରାଧ ବୋହିବ ।
\v 2 ଅବା ଯଦି କେହି କୌଣସି ଅଶୁଚି ଦ୍ରବ୍ୟ, ଅର୍ଥାତ୍‍, ଅଶୁଚି ପଶୁର ଶବ, କି ଅଶୁଚି ଗୋମେଷାଦିର ଶବ, କି ଅଶୁଚି ଉରୋଗାମୀ ପ୍ରାଣୀର ଶବ ସ୍ପର୍ଶ କରେ, ପୁଣି ତାହା ତାହାଠାରୁ ଗୁପ୍ତ ଥାଏ ଓ ସେ ଅଶୁଚି ହୁଏ, ତେବେ ସେ ଦୋଷୀ ହେବ ।
\s5
\v 3 କିଅବା ଯଦି ସେ ମନୁଷ୍ୟର ଅଶୁଚିକାରୀ କୌଣସି ଦ୍ରବ୍ୟ, ଅର୍ଥାତ୍‍, ଯଦ୍ଦ୍ୱାରା ମନୁଷ୍ୟ ଅଶୁଚି ହୁଏ, ଏପରି କିଛି ଦ୍ରବ୍ୟ ସ୍ପର୍ଶ କରେ, ପୁଣି ତାହା ତାହାଠାରୁ ଗୁପ୍ତ ଥାଏ, ତେବେ ସେ ତାହା ଜ୍ଞାତ ହେଲେ ଦୋଷୀ ହେବ ।
\p
\v 4 ଅଥବା କେହି ଯଦି ମନ୍ଦ କରିବାକୁ କି ଭଲ କରିବାକୁ ବିଚାରହୀନତା ପୂର୍ବକ ଶପଥ କରେ, ମନୁଷ୍ୟ ଯେକୌଣସି ବିଷୟରେ ଶପଥପୂର୍ବକ ବିଚାରହୀନତା କରେ, ପୁଣି ତାହା ତାହାଠାରୁ ଗୁପ୍ତ ଥାଏ; ତେବେ ସେ ତାହା ଜ୍ଞାତ ହେଲେ, ଉକ୍ତ କୌଣସି ଏକ ବିଷୟରେ ଦୋଷୀ ହେବ ।
\s5
\v 5 ପୁଣି ଉକ୍ତ କୌଣସି ଏକ ବିଷୟରେ ସେ ଦୋଷୀ ହେଲେ, ଆପଣାର ସେହି କୃତ ପାପ ସ୍ୱୀକାର କରିବା ତାହାର କର୍ତ୍ତବ୍ୟ ।
\v 6 ତହୁଁ ସେ ଯେଉଁ ପାପ କରିଅଛି, ତାହାର ସେହି ପାପ ନିମନ୍ତେ ପାପାର୍ଥକ ବଳିଦାନ ରୂପେ ପଲରୁ ମେଷବତ୍ସା କି ଛାଗବତ୍ସା ନେଇ ସଦାପ୍ରଭୁଙ୍କ ସମ୍ମୁଖକୁ ଦୋଷାର୍ଥକ ବଳି ଆଣିବ; ପୁଣି ଯାଜକ ତାହାର ପାପ ନିମନ୍ତେ ପ୍ରାୟଶ୍ଚିତ୍ତ କରିବ ।
\p
\s5
\v 7 ଆଉ, ଯଦି ସେ ମେଷବତ୍ସା ଆଣିବାକୁ ଅସମର୍ଥ ହୁଏ, ତେବେ ସେ ଆପଣା କୃତ ପାପ ନିମନ୍ତେ ଦୋଷାର୍ଥକ ବଳି ରୂପେ ଦୁଇ କପୋତ ବା ଦୁଇ ପାରାଛୁଆ ଆଣି ତହିଁରୁ ଗୋଟିଏକୁ ପାପ ନିମନ୍ତେ ଓ ଅନ୍ୟଟିକୁ ହୋମ ନିମନ୍ତେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବ ।
\v 8 ପୁଣି ସେ ଯାଜକ ନିକଟକୁ ସେମାନଙ୍କୁ ଆଣିବ, ତହୁଁ ଯାଜକ ପ୍ରଥମେ ପାପାର୍ଥକ ବଳି ଉତ୍ସର୍ଗ କରି ତାହାର ବେକରୁ ମୁଣ୍ଡ ମୋଡ଼ିବ, ମାତ୍ର ଦୁଇ ଖଣ୍ଡ କରିବ ନାହିଁ ।
\v 9 ତହୁଁ ସେ ପାପାର୍ଥକ ବଳିର ରକ୍ତରୁ କିଛି ନେଇ ବେଦି ପାର୍ଶ୍ୱରେ ଛିଞ୍ଚିବ, ପୁଣି ଅବଶିଷ୍ଟ ତାହାର ସମସ୍ତ ରକ୍ତ ହୋମବେଦି ମୂଳରେ ଢାଳିବ; ତାହା ପାପାର୍ଥକ ବଳିଦାନ ।
\s5
\v 10 ତହିଁ ଉତ୍ତାରୁ ସେ ବିଧି ଅନୁସାରେ ଅନ୍ୟଟିକୁ ହୋମାର୍ଥକ ବଳି ଉତ୍ସର୍ଗ କରିବ; ଏହିରୂପେ ସେ ଯେଉଁ ପାପ କରିଅଛି, ତାହାର ସେହି ପାପ ନିମନ୍ତେ ଯାଜକ ପ୍ରାୟଶ୍ଚିତ୍ତ କରିବ; ତହିଁରେ ସେ କ୍ଷମାପ୍ରାପ୍ତ ହେବ ।
\p
\s5
\v 11 ମାତ୍ର ସେ ଯଦି ଦୁଇ କପୋତ ଅବା ଦୁଇ ପାରାଛୁଆ ଆଣିବାକୁ ଅସମର୍ଥ ହୁଏ, ତେବେ ସେ ଆପଣା କୃତ ପାପ ନିମନ୍ତେ ଆପଣାର ଉପହାର ରୂପେ ପାପାର୍ଥକ ନୈବେଦ୍ୟ ପାଇଁ ଐଫାର ଦଶମାଂଶ ସରୁ ମଇଦା ଆଣିବ; ସେ ତହିଁ ଉପରେ ତୈଳ ଦେବ ନାହିଁ, କି କୁନ୍ଦୁରୁ ରଖିବ ନାହିଁ; କାରଣ ତାହା ପାପାର୍ଥକ ନୈବେଦ୍ୟ ।
\s5
\v 12 ତହୁଁ ସେ ତାହା ଯାଜକ ନିକଟକୁ ଆଣିଲେ, ଯାଜକ ତହିଁର ସ୍ମରଣାର୍ଥକ ଅଂଶ ରୂପେ ତହିଁରୁ ଏକ ମୁଷ୍ଟି ନେଇ ବେଦିରେ ସଦାପ୍ରଭୁଙ୍କ ଅଗ୍ନିକୃତ ଉପହାର ଉପରେ ତାହା ଦଗ୍ଧ କରିବ; ଏହା ପାପାର୍ଥକ ନୈବେଦ୍ୟ ।
\v 13 ଏହିରୂପେ ଉକ୍ତ କୌଣସି ବିଷୟରେ ସେ ଯେଉଁ ପାପ କରିଅଛି, ତାହାର ସେହି ପାପ ସକାଶୁ ତାହା ନିମନ୍ତେ ଯାଜକ ପ୍ରାୟଶ୍ଚିତ୍ତ କରିବ, ତହିଁରେ ସେ କ୍ଷମାପ୍ରାପ୍ତ ହେବ; ଆଉ, ଅବଶିଷ୍ଟ ଦ୍ରବ୍ୟ ଭକ୍ଷ୍ୟ ନୈବେଦ୍ୟ ତୁଲ୍ୟ ଯାଜକର ହେବ ।”
\s ଦୋଷାର୍ଥକ ବଳିଦାନର ନିୟମ
\p
\s5
\v 14 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
\v 15 “କେହି ଯଦି ସତ୍ୟଲଙ୍ଘନ କରି ସଦାପ୍ରଭୁଙ୍କ ପବିତ୍ର ବସ୍ତୁ ବିଷୟରେ ଭୁଲବଶତଃ ପାପ କରେ, ତେବେ ସେ ପବିତ୍ର ସ୍ଥାନର ଶେକଲ ଅନୁସାରେ ତୁମ୍ଭର ନିରୂପିତ ପରିମାଣର ରୂପା ଦେଇ ପଲରୁ ଏକ ନିଖୁନ୍ତ ମେଷ ଆଣି ଦୋଷାର୍ଥକ ବଳି ରୂପେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବ ।
\v 16 ପୁଣି ପବିତ୍ର ବସ୍ତୁ ବିଷୟରେ ସେ ଯେଉଁ ତ୍ରୁଟି କରିଅଛି, ତହିଁର ପରିଶୋଧ କରିବ, ତାହା ବ୍ୟତୀତ ପଞ୍ଚମାଂଶର ଏକାଂଶ ମଧ୍ୟ ଯାଜକକୁ ଦେବ, ତହୁଁ ଯାଜକ ଦୋଷାର୍ଥକ ମେଷ ବଳି ଦ୍ୱାରା ତାହା ନିମନ୍ତେ ପ୍ରାୟଶ୍ଚିତ୍ତ କରିବ, ତହିଁରେ ସେ କ୍ଷମାପ୍ରାପ୍ତ ହେବ ।
\p
\s5
\v 17 ଆଉ, ଯାହା ନ କରିବାକୁ ସଦାପ୍ରଭୁ ଆଜ୍ଞା ଦେଇଅଛନ୍ତି, ଯଦି କୌଣସି ବ୍ୟକ୍ତି ତହିଁ ମଧ୍ୟରୁ କୌଣସି କର୍ମ କରି ପାପ କରେ; ଯଦ୍ୟପି ସେ ତାହା ଜାଣି ନ ଥାଏ, ତଥାପି ସେ ଦୋଷୀ ଅଟେ, ପୁଣି ଆପଣାର ଅପରାଧ ବୋହିବ ।
\v 18 ସେ ତୁମ୍ଭର ନିରୂପିତ ମୂଲ୍ୟ ଅନୁସାରେ ପଲରୁ ଏକ ନିଖୁନ୍ତ ମେଷ ଦୋଷାର୍ଥକ ବଳି ରୂପେ ଯାଜକ ନିକଟକୁ ଆଣିବ; ପୁଣି ଯେଉଁ ବିଷୟରେ ସେ ଭୁଲବଶତଃ ପାପ କଲା ଓ ତାହା ଜାଣିଲା ନାହିଁ, ଯାଜକ ତହିଁ ସକାଶୁ ତାହା ପାଇଁ ପ୍ରାୟଶ୍ଚିତ୍ତ କରିବ, ତହିଁରେ ସେ କ୍ଷମାପ୍ରାପ୍ତ ହେବ ।
\v 19 ତାହା ଦୋଷାର୍ଥକ ବଳି, ସେ ସଦାପ୍ରଭୁଙ୍କ ଛାମୁରେ ନିତାନ୍ତ ଦୋଷୀ ।”
\s5
\c 6
\p
\v 1 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
\v 2 “କେହି ଯଦି ପାପ କରି ସଦାପ୍ରଭୁଙ୍କ ବିରୁଦ୍ଧରେ ସତ୍ୟଲଙ୍ଘନ କରେ, ଅର୍ଥାତ୍‍, ଗଚ୍ଛିତ ବା ହସ୍ତରେ ସମର୍ପିତ କିଅବା ଅପହୃତ ଦ୍ରବ୍ୟ ବିଷୟରେ ଆପଣା ପ୍ରତିବାସୀ ସହିତ ଅସତ୍ୟ ବ୍ୟବହାର କରେ, ଅଥବା ଆପଣା ପ୍ରତିବାସୀ ପ୍ରତି ଅନ୍ୟାୟ କରେ;
\v 3 କିଅବା ହଜାଦ୍ରବ୍ୟ ପାଇ ତଦ୍‍ବିଷୟରେ ଅସତ୍ୟ ବ୍ୟବହାର କରେ ଓ ମିଥ୍ୟା କହି ଶପଥ କରେ; ଏହି ପ୍ରକାର ଯେକୌଣସି କର୍ମରେ ମନୁଷ୍ୟ ପାପ କରେ;
\v 4 ତେବେ ସେ ପାପ କରି ଦୋଷୀ ହେଲେ, ଯାହା ସେ ଅପହରଣ ଦ୍ୱାରା ନେଇଅଛି, ଅବା ଅନ୍ୟାୟରେ ପ୍ରାପ୍ତ ହୋଇଅଛି, ଅବା ଯେଉଁ ଗଚ୍ଛିତ ଦ୍ରବ୍ୟ ତାହା ନିକଟରେ ସମର୍ପିତ ହୋଇଅଛି, ଅବା ଯେଉଁ ହଜାଦ୍ରବ୍ୟ ପାଇଅଛି,
\s5
\v 5 ଅବା ଯେକୌଣସି ବିଷୟରେ ମିଥ୍ୟା ଶପଥ କରିଅଛି, ସେହି ସବୁ ଦ୍ରବ୍ୟ ଫେରାଇ ଦେବ; ମଧ୍ୟ ସେ ତାହା ସମ୍ପୂର୍ଣ୍ଣ ରୂପେ ଓ ତହିଁ ସଙ୍ଗେ ତହିଁର ପଞ୍ଚମାଂଶ ଅଧିକ ଫେରାଇ ଦେବ; ସେ ଦୋଷୀ ବୋଲି ନିଶ୍ଚିତ ହେବା ଦିନରେ ସେହି ଦ୍ରବ୍ୟର ମାଲିକକୁ ତାହା ଦେବ ।
\v 6 ପୁଣି ସେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆପଣାର ଦୋଷାର୍ଥକ ବଳି ଉତ୍ସର୍ଗ କରିବ; ତୁମ୍ଭର ନିରୂପିତ ମୂଲ୍ୟ ଅନୁସାରେ ପଲରୁ ଏକ ନିଖୁନ୍ତ ମେଷ ଦୋଷାର୍ଥକ ବଳି ନିମନ୍ତେ ଯାଜକ ନିକଟକୁ ଆଣିବ ।
\v 7 ତହୁଁ ଯାଜକ ସଦାପ୍ରଭୁଙ୍କ ଛାମୁରେ ତାହା ନିମନ୍ତେ ପ୍ରାୟଶ୍ଚିତ୍ତ କରିବ, ତହିଁରେ ସେ ଯେକୌଣସି କର୍ମ ଦ୍ୱାରା ଦୋଷୀ ହୋଇଥାଏ, ତହିଁରୁ କ୍ଷମାପ୍ରାପ୍ତ ହେବ ।”
\s ଯାଜକ ଏବଂ ବିଭିନ୍ନ ପ୍ରକାର ବଳିଦାନର ବ୍ୟବସ୍ଥା
\s ହୋମବଳି
\p
\s5
\v 8 ଆହୁରି ସଦାପ୍ରଭୁ ମୋଶାଙ୍କୁ କହିଲେ,
\v 9 “ତୁମ୍ଭେ ହାରୋଣକୁ ଓ ତାହାର ପୁତ୍ରଗଣଙ୍କୁ ଏହି ଆଜ୍ଞା ଦିଅ, ହୋମବଳିର ବ୍ୟବସ୍ଥା ଏହି; ହୋମଦ୍ରବ୍ୟ ସମସ୍ତ ରାତ୍ରି, ପ୍ରଭାତ ପର୍ଯ୍ୟନ୍ତ ବେଦିର ଅଗ୍ନିସ୍ଥାନ ଉପରେ ରହିବ, ପୁଣି ବେଦିର ଅଗ୍ନି ପ୍ରଜ୍ୱଳିତ ରହିବ ।
\s5
\v 10 ପୁଣି ଯାଜକ ଆପଣା ଶୁକ୍ଳ ବସ୍ତ୍ର ଓ ଶରୀରରେ ଶୁକ୍ଳ ଜଙ୍ଘିଆ ପିନ୍ଧିବ; ଆଉ ସେ ବେଦି ଉପରେ ଅଗ୍ନି ଦଗ୍ଧ ହୋମବଳିର ଭସ୍ମ ଉଠାଇ ବେଦି ପାର୍ଶ୍ୱରେ ରଖିବ ।
\v 11 ଏଥିଉତ୍ତାରେ ସେ ଆପଣାର ସେହି ବସ୍ତ୍ର ତ୍ୟାଗ କରି ଅନ୍ୟ ବସ୍ତ୍ର ପିନ୍ଧି ଛାଉଣିର ବାହାରେ କୌଣସି ଶୁଚି ସ୍ଥାନକୁ ସେହି ଭସ୍ମ ନେଇ ଯିବ ।
\s5
\v 12 ମାତ୍ର ବେଦିର ଉପରିସ୍ଥ ଅଗ୍ନି ସର୍ବଦା ପ୍ରଜ୍ୱଳିତ ରହିବ, ତାହା ଲିଭିବ ନାହିଁ; ଯାଜକ ପ୍ରତ୍ୟେକ ପ୍ରଭାତରେ ତହିଁ ଉପରେ କାଷ୍ଠ ଜାଳିବ; ପୁଣି ସେ ତହିଁ ଉପରେ ହୋମବଳି ସଜାଇ ରଖିବ ଓ ମଙ୍ଗଳାର୍ଥକ ବଳିର ମେଦ ତହିଁ ଉପରେ ଦଗ୍ଧ କରିବ ।
\v 13 ବେଦି ଉପରେ ଅଗ୍ନି ସର୍ବଦା ପ୍ରଜ୍ୱଳିତ ରହିବ, ତାହା କଦାପି ଲିଭିବ ନାହିଁ ।
\s ଭକ୍ଷ୍ୟ ନୈବେଦ୍ୟ
\p
\s5
\v 14 ଆଉ ଭକ୍ଷ୍ୟ ନୈବେଦ୍ୟର ବ୍ୟବସ୍ଥା ଏହି; ହାରୋଣର ପୁତ୍ରଗଣ ବେଦି ସମ୍ମୁଖରେ ସଦାପ୍ରଭୁଙ୍କ ଛାମୁକୁ ତାହା ଆଣିବେ ।
\v 15 ତହୁଁ ଯାଜକ ଆପଣା ମୁଷ୍ଟି ପୂର୍ଣ୍ଣ କରି ସେହି ଭକ୍ଷ୍ୟ ନୈବେଦ୍ୟରୁ କିଛି ସରୁ ମଇଦା ଓ କିଛି ତୈଳ ଓ ନୈବେଦ୍ୟ ଉପରିସ୍ଥ ସମସ୍ତ କୁନ୍ଦୁରୁ ନେଇ ତହିଁର ସ୍ମରଣାର୍ଥକ ଅଂଶ ରୂପେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତୁଷ୍ଟିଜନକ ଆଘ୍ରାଣାର୍ଥେ ବେଦିରେ ଦଗ୍ଧ କରିବ ।
\s5
\v 16 ପୁଣି, ହାରୋଣ ଓ ତାହାର ପୁତ୍ରଗଣ ତହିଁର ଅବଶିଷ୍ଟାଂଶ ଭୋଜନ କରିବେ; କୌଣସି ପବିତ୍ର ସ୍ଥାନରେ ତାଡ଼ି ବିନା ତାହା ଭୋଜନ କରାଯିବ; ସେମାନେ ସମାଗମ-ତମ୍ବୁର ପ୍ରାଙ୍ଗଣରେ ତାହା ଭୋଜନ କରିବେ ।
\v 17 ତାଡ଼ି ସହିତ ତାହା ରନ୍ଧନ ହେବ ନାହିଁ । ଆମ୍ଭେ ଆପଣା ଅଗ୍ନିକୃତ ଉପହାରରୁ ସେମାନଙ୍କ ଅଂଶ ନିମନ୍ତେ ତାହା ଦେଲୁ; ପାପାର୍ଥକ ବଳି ଓ ଦୋଷାର୍ଥକ ବଳି ତୁଲ୍ୟ ତାହା ମହାପବିତ୍ର ।
\v 18 ହାରୋଣର ସନ୍ତାନଗଣ ମଧ୍ୟରେ ପ୍ରତ୍ୟେକ ପୁରୁଷ ତାହା ଭୋଜନ କରିବେ; ସଦାପ୍ରଭୁଙ୍କ ଅଗ୍ନିକୃତ ଉପହାରରୁ ଏହା ଗ୍ରହଣ କରିବା ହେଉଛି ପୁରୁଷାନୁକ୍ରମରେ ତୁମ୍ଭମାନଙ୍କର ଅନନ୍ତକାଳୀନ ଅଧିକାର । ଯେକେହି ତାହା ସ୍ପର୍ଶ କରେ, ସେ ପବିତ୍ର ହେବ ।”
\p
\s5
\v 19 ଆହୁରି ସଦାପ୍ରଭୁ ମୋଶାଙ୍କୁ କହିଲେ,
\v 20 “ଅଭିଷେକ ଦିନରେ ହାରୋଣ ଓ ତାହାର ପୁତ୍ରଗଣ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଯେଉଁ ଉପହାର ଉତ୍ସର୍ଗ କରିବେ, ତାହା ଏହି; ସେମାନେ ନିତ୍ୟ ଭକ୍ଷ୍ୟ ନୈବେଦ୍ୟ ନିମନ୍ତେ ଐଫାର ଦଶମାଂଶ ସରୁ ମଇଦା ନେଇ ଅର୍ଦ୍ଧେକ ପ୍ରଭାତରେ ଓ ଅର୍ଦ୍ଧେକ ସନ୍ଧ୍ୟା କାଳରେ ଉତ୍ସର୍ଗ କରିବେ ।
\s5
\v 21 ପଲମରେ ଯାହା ତୈଳ ସହିତ ପ୍ରସ୍ତୁତ କରାଯିବ, ଓଦା ହେଲେ ତୁମ୍ଭେ ତାହା ଭିତରକୁ ଆଣିବ; ପୁଣି ସେହି ରନ୍ଧନ କରାଯାଇଥିବା ଭକ୍ଷ୍ୟ ନୈବେଦ୍ୟର ଖଣ୍ଡ ଖଣ୍ଡ ଖାଦ୍ୟ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବ ।
\v 22 ଏଥିଉତ୍ତାରେ ହାରୋଣର ପୁତ୍ରଗଣ ମଧ୍ୟରୁ ଯେ ତାହାର ପଦରେ ଅଭିଷିକ୍ତ ଯାଜକ ହେବ, ସେ ତାହା ଉତ୍ସର୍ଗ କରିବ; ଏହା ଅନନ୍ତକାଳୀନ ବିଧିରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସମ୍ପୂର୍ଣ୍ଣ ଦଗ୍ଧ ହେବ ।
\v 23 ଅର୍ଥାତ୍‍, ଯାଜକର ପ୍ରତ୍ୟେକ ଭକ୍ଷ୍ୟ ନୈବେଦ୍ୟ ସମ୍ପୂର୍ଣ୍ଣ ରୂପେ ଦଗ୍ଧ ହେବ; ତାହା ଭୋଜନ କରାଯିବ ନାହିଁ ।”
\s ପାପାର୍ଥକ ବଳିଦାନ
\p
\s5
\v 24 ଆହୁରି ସଦାପ୍ରଭୁ ମୋଶାଙ୍କୁ କହିଲେ,
\v 25 “ତୁମ୍ଭେ ହାରୋଣକୁ ଓ ତାହାର ପୁତ୍ରଗଣଙ୍କୁ କୁହ, ପାପାର୍ଥକ ବଳିଦାନର ବ୍ୟବସ୍ଥା ଏହି; ଯେଉଁ ସ୍ଥାନରେ ହୋମବଳି ବଧ କରାଯାଏ, ସେହି ସ୍ଥାନରେ ସଦାପ୍ରଭୁଙ୍କ ସମ୍ମୁଖରେ ପାପାର୍ଥକ ବଳି ବଧ କରାଯିବ; ତାହା ମହାପବିତ୍ର ।
\v 26 ଯେଉଁ ଯାଜକ ପାପାର୍ଥେ ତାହା ଉତ୍ସର୍ଗ କରେ, ସେ ତାହା ଭୋଜନ କରିବ; ସମାଗମ-ତମ୍ବୁ ପ୍ରାଙ୍ଗଣର କୌଣସି ପବିତ୍ର ସ୍ଥାନରେ ତାହା ଭୋଜନ କରାଯିବ ।
\s5
\v 27 ଯେକେହି ତହିଁର ମାଂସ ସ୍ପର୍ଶ କରେ, ତାହା ପବିତ୍ର ହେବ; ପୁଣି ଯଦି କୌଣସି ବସ୍ତ୍ରରେ ତହିଁର ରକ୍ତର ଛିଟା ପଡ଼େ; ତେବେ ତୁମ୍ଭେ ସେହି ରକ୍ତ ସେଚିତ ବସ୍ତ୍ର ପବିତ୍ର ସ୍ଥାନରେ ଧୌତ କରିବ ।
\v 28 ମାତ୍ର ଯେଉଁ ମୃତ୍ତିକାର ପାତ୍ରରେ ତାହା ପାକ ହୁଏ, ତାହା ଭଙ୍ଗାଯିବ; ଯଦି ପିତ୍ତଳ ପାତ୍ରରେ ତାହା ପାକ ହୁଏ, ତେବେ ତାହା ମଜାଯିବ ଓ ଜଳରେ ପରିଷ୍କୃତ ହେବ ।
\s5
\v 29 ଯାଜକଗଣ ମଧ୍ୟରେ ସମସ୍ତ ପୁରୁଷ ତାହା ଭୋଜନ କରିବେ; ତାହା ମହାପବିତ୍ର ।
\v 30 ମାତ୍ର ପବିତ୍ର ସ୍ଥାନରେ ପ୍ରାୟଶ୍ଚିତ୍ତ କରିବା ନିମନ୍ତେ ଯେକୌଣସି ପାପାର୍ଥକ ବଳିର ରକ୍ତ ସମାଗମ-ତମ୍ବୁ ଭିତରକୁ ଅଣାଯାଏ, ତାହା ଭୋଜନ କରାଯିବ ନାହିଁ, ତାହା ଅଗ୍ନିରେ ଦଗ୍ଧ ହେବ ।”
\s5
\c 7
\s ଦୋଷାର୍ଥକ ବଳିଦାନ
\p
\v 1 “ଆଉ, ଦୋଷାର୍ଥକ ବଳିର ବ୍ୟବସ୍ଥା ଏହି; ତାହା ମହାପବିତ୍ର ।
\v 2 ଯେଉଁ ସ୍ଥାନରେ ଲୋକମାନେ ହୋମବଳି ବଧ କରନ୍ତି, ସେହି ସ୍ଥାନରେ ସେମାନେ ଦୋଷାର୍ଥକ ବଳି ବଧ କରିବେ; ପୁଣି, ଯାଜକ ବେଦି ଉପରେ ଚାରିଆଡ଼େ ତାହାର ରକ୍ତ ଛିଞ୍ଚିବ ।
\v 3 ଆଉ, ସେ ତାହାର ସବୁ ମେଦ, ଅର୍ଥାତ୍‍, ମେଦମୟ ଲାଙ୍ଗୁଳ, ଅନ୍ତ ଆଚ୍ଛାଦକ ମେଦ, ଦୁଇ ଗୁର୍ଦା ଓ
\v 4 ତହିଁ ଉପରିସ୍ଥ ପାର୍ଶ୍ୱବର୍ତ୍ତୀ ମେଦ, ଓ ଦୁଇ ଗୁର୍ଦା ସହିତ ଯକୃତର ଉପରିସ୍ଥ ଅନ୍ତପ୍ଲାବକ ନେଇ ଉତ୍ସର୍ଗ କରିବ ।
\s5
\v 5 ପୁଣି, ଯାଜକ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାରାର୍ଥେ ବେଦି ଉପରେ ତାହାସବୁ ଦଗ୍ଧ କରିବ; ଏହା ଦୋଷାର୍ଥକ ବଳି ।
\v 6 ଯାଜକଗଣ ମଧ୍ୟରେ ପ୍ରତ୍ୟେକ ପୁରୁଷ ତାହା ଭୋଜନ କରିବେ; କୌଣସି ପବିତ୍ର ସ୍ଥାନରେ ତାହା ଭୋଜନ କରାଯିବ; ତାହା ମହାପବିତ୍ର ।
\p
\s5
\v 7 ଯେପରି ପାପାର୍ଥକ ବଳି, ସେପରି ଦୋଷାର୍ଥକ ବଳି; ଯେଉଁ ଯାଜକ ତଦ୍ଦ୍ୱାରା ପ୍ରାୟଶ୍ଚିତ୍ତ କରେ, ତାହା ତାହାରି ହେବ; ଦୁଇଟିର ବ୍ୟବସ୍ଥା ଏକ ।
\v 8 ପୁଣି ଯାଜକ ଯେଉଁ ଲୋକର ହୋମବଳି ଉତ୍ସର୍ଗ କରେ, ତାହାର ସେହି ଉତ୍ସର୍ଗିତ ହୋମବଳି ପଶୁର ଚର୍ମ ସେହି ଯାଜକର ନିଜ ପାଇଁ ହେବ ।
\s5
\v 9 ପୁଣି, ତନ୍ଦୁରରେ ବା କରେଇରେ ଅବା ପଲମରେ ରନ୍ଧନ ହୋଇଥିବା ଯେତେ ଭକ୍ଷ୍ୟ ନୈବେଦ୍ୟ, ତାହା ସବୁ ଉତ୍ସର୍ଗକାରୀ ଯାଜକର ହେବ ।
\v 10 ମାତ୍ର ତୈଳ ମିଶ୍ରିତ ବା ଶୁଷ୍କ ଭକ୍ଷ୍ୟ ନୈବେଦ୍ୟ ସବୁ ହାରୋଣଙ୍କର ପୁତ୍ରଗଣ ମଧ୍ୟରେ ପ୍ରତ୍ୟେକଙ୍କର ସମାନ ଅଂଶ ହେବ ।”
\s ମଙ୍ଗଳାର୍ଥକ ଉପହାର ବଳି
\p
\s5
\v 11 “ଆଉ, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗିତ ମଙ୍ଗଳାର୍ଥକ ଉପହାର ବଳିର ବ୍ୟବସ୍ଥା ଏହି ।
\v 12 କେହି ଯଦି ପ୍ରଶଂସାର୍ଥକ ବଳି ଆଣେ, ତେବେ ସେ ପ୍ରଶଂସାର୍ଥକ ବଳି ସହିତ ତୈଳ ମିଶ୍ରିତ ତାଡ଼ିଶୂନ୍ୟ ପିଠା, ତୈଳଲେପିତ ତାଡ଼ିଶୂନ୍ୟ ଚକୁଳି ଓ ସରୁ ମଇଦାର ତୈଳ ମିଶ୍ରିତ ରନ୍ଧନ ହୋଇଥିବା ପିଠା ଉତ୍ସର୍ଗ କରିବ ।
\s5
\v 13 ଆଉ, ସେ ମଙ୍ଗଳାର୍ଥକ ପ୍ରଶଂସା ବଳି ସହିତ ତାଡ଼ିଯୁକ୍ତ ରୁଟିର ପିଠା ଦେଇ ଆପଣା ଉପହାର ଆଣିବ ।
\v 14 ତହୁଁ ସେ ପ୍ରତ୍ୟେକ ଉପହାରରୁ ଏକ ଏକ ପିଠା ନେଇ ଉତ୍ତୋଳନୀୟ ନୈବେଦ୍ୟ ରୂପେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବ; ଯେଉଁ ଯାଜକ ମଙ୍ଗଳାର୍ଥକ ବଳିର ରକ୍ତ ଛିଞ୍ଚିବ, ତାହା ତାହାରି ହେବ ।
\s5
\v 15 ପୁଣି, ମଙ୍ଗଳାର୍ଥକ ପ୍ରଶଂସା ବଳିର ମାଂସ ତାହାର ଉତ୍ସର୍ଗ ଦିନରେ ଭୋଜନ କରାଯିବ; ସେ ପ୍ରାତଃକାଳ ପର୍ଯ୍ୟନ୍ତ ତହିଁରୁ କିଛି ରଖିବ ନାହିଁ ।
\p
\v 16 ମାତ୍ର ଯଦି ସେହି ଉପହାର ବଳି ତାହାର ମାନତ ବା ସ୍ୱେଚ୍ଛାଦତ୍ତ ନୈବେଦ୍ୟ ହୁଏ, ତେବେ ତାହାର ସେହି ବଳି ଉତ୍ସର୍ଗ କରିବା ଦିନରେ ତାହା ଭୋଜନ କରାଯିବ; ପୁଣି ତହିଁରୁ ଯାହା ଅବଶିଷ୍ଟ ରହିବ, ତାହା ଆରଦିନ ପ୍ରାତଃକାଳରେ ଭୋଜନ କରାଯିବ ।
\s5
\v 17 ମାତ୍ର ତୃତୀୟ ଦିନରେ ବଳିର ଅବଶିଷ୍ଟ ମାଂସ ଅଗ୍ନିରେ ଦଗ୍ଧ କରାଯିବ ।
\v 18 ଯଦି ତୃତୀୟ ଦିନରେ ତାହାର ସେହି ମଙ୍ଗଳାର୍ଥକ ଉପହାର ବଳିରୁ କିଛିମାତ୍ର ଭୋଜନ କରାଯାଏ, ତେବେ ତାହା ଗ୍ରାହ୍ୟ ହେବ ନାହିଁ, କିଅବା ତହିଁର ଉତ୍ସର୍ଗକାରୀ ପକ୍ଷରେ ତାହା ଗଣାଯିବ ନାହିଁ; ତାହା ଘୃଣାଯୋଗ୍ୟ ହେବ, ପୁଣି ଯେଉଁ ପ୍ରାଣୀ ତାହା ଭୋଜନ କରେ, ସେ ଆପଣା ଅପରାଧ ବୋହିବ ।
\s5
\v 19 ଆଉ, ସେହି ମାଂସ କୌଣସି ଅଶୁଚି ବସ୍ତୁରେ ଲାଗିଲେ, ତାହା ଭୋଜନ କରାଯିବ ନାହିଁ; ତାହା ଅଗ୍ନିରେ ଦଗ୍ଧ ହେବ । ଆଉ, ସେହି ଶୁଚି ମାଂସ ପ୍ରତ୍ୟେକ ଶୁଚି ଲୋକ ଭୋଜନ କରିବ ।
\v 20 ମାତ୍ର ଯେଉଁ ପ୍ରାଣୀ ଆପଣା ଶରୀରରେ ଅଶୁଚିତା ଥାଉ ଥାଉ ସଦାପ୍ରଭୁଙ୍କ ସମ୍ବନ୍ଧୀୟ ମଙ୍ଗଳାର୍ଥକ ବଳିର ମାଂସ ଭୋଜନ କରେ, ସେହି ପ୍ରାଣୀ ଆପଣା ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେବ ।
\s5
\v 21 ଯେବେ କେହି କୌଣସି ବସ୍ତୁ, ଅର୍ଥାତ୍‍, ମନୁଷ୍ୟର ଅଶୁଚିତା, କି ଅଶୁଚି ପଶୁ, କିଅବା କୌଣସି ଘୃଣାଯୋଗ୍ୟ ଅଶୁଚି ବସ୍ତୁ ସ୍ପର୍ଶ କରି ସଦାପ୍ରଭୁଙ୍କ ସମ୍ବନ୍ଧୀୟ ମଙ୍ଗଳାର୍ଥକ ବଳିର ମାଂସ ଭୋଜନ କରେ, ତେବେ ସେହି ଭୋଜନକାରୀ ପ୍ରାଣୀ ଆପଣା ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେବ ।”
\p
\s5
\v 22 ଆହୁରି, ସଦାପ୍ରଭୁ ମୋଶାଙ୍କୁ କହିଲେ
\v 23 “ତୁମ୍ଭେ ଇସ୍ରାଏଲ ସନ୍ତାନଗଣକୁ କୁହ, ତୁମ୍ଭେମାନେ ଗୋରୁର, କି ମେଷର କି ଛେଳିର ମେଦ ଭୋଜନ କରିବ ନାହିଁ ।
\v 24 ପୁଣି ସ୍ୱୟଂମୃତ ବା ପଶୁ ଦ୍ୱାରା ବିଦୀର୍ଣ୍ଣ ପଶୁର ମେଦ ଅନ୍ୟ କୌଣସି କାର୍ଯ୍ୟରେ ବ୍ୟବହାର କରାଯାଇପାରେ; ମାତ୍ର ତୁମ୍ଭେମାନେ କୌଣସିମତେ ତାହା ଭୋଜନ କରିବ ନାହିଁ ।
\s5
\v 25 କାରଣ ମନୁଷ୍ୟମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ରୂପେ ଯେଉଁ ପଶୁ ଉତ୍ସର୍ଗ କରନ୍ତି, ତାହାର ମେଦ ଯେବେ କେହି ଭୋଜନ କରେ; ତେବେ ତାହା ଭୋଜନକାରୀ ସେହି ପ୍ରାଣୀ ଆପଣା ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେବ ।
\v 26 ପୁଣି, ତୁମ୍ଭମାନଙ୍କର କୌଣସି ବାସ ସ୍ଥାନରେ ତୁମ୍ଭେମାନେ କୌଣସି ପକ୍ଷୀର କି ପଶୁର ରକ୍ତ ଭୋଜନ କରିବ ନାହିଁ ।
\v 27 ଯେକୌଣସି ରକ୍ତ ଯିଏ ଭୋଜନ କରେ, ସେ ଯିଏ ହେଉ, ସେହି ପ୍ରାଣୀ ଆପଣା ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେବ ।”
\p
\s5
\v 28 ଆଉ, ସଦାପ୍ରଭୁ ମୋଶାଙ୍କୁ କହିଲେ, ଇସ୍ରାଏଲ ସନ୍ତାନଗଣକୁ କୁହ,
\v 29 “ଯେକେହି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କରେ, ସେ ଆପଣା ମଙ୍ଗଳାର୍ଥକ ବଳିରୁ ସଦାପ୍ରଭୁଙ୍କ ନିକଟକୁ ଆପଣା ନୈବେଦ୍ୟ ଆଣିବ ।
\v 30 ତାହାର ନିଜ ହସ୍ତ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ଆଣିବ; ସେ ବକ୍ଷ ସହିତ ମେଦ ଆଣିବ, ତହିଁରେ ସେହି ବକ୍ଷ ଦୋଳନୀୟ ନୈବେଦ୍ୟାର୍ଥେ ସଦାପ୍ରଭୁଙ୍କ ସାକ୍ଷାତରେ ଦୋଳାୟିତ ହେବ ।
\s5
\v 31 ପୁଣି ଯାଜକ ବେଦି ଉପରେ ସେହି ମେଦ ଦଗ୍ଧ କରିବ, ମାତ୍ର ବକ୍ଷ ହାରୋଣର ଓ ତାହାର ପୁତ୍ରଗଣଙ୍କର ହେବ ।
\v 32 ପୁଣି, ତୁମ୍ଭେମାନେ ଆପଣା ଆପଣା ମଙ୍ଗଳାର୍ଥକ ବଳିରୁ ଡାହାଣ ଜଙ୍ଘ ଉତ୍ତୋଳନୀୟ ଉପହାର ରୂପେ ଯାଜକକୁ ଦେବ ।
\s5
\v 33 ହାରୋଣର ପୁତ୍ରଗଣଙ୍କ ମଧ୍ୟରେ ଯେକେହି ମଙ୍ଗଳାର୍ଥକ ବଳିର ରକ୍ତ ଓ ମେଦ ଉତ୍ସର୍ଗ କରେ, ସେ ଆପଣା ଅଂଶ ରୂପେ ମଙ୍ଗଳାର୍ଥକ ବଳିର ଡାହାଣ ଜଙ୍ଘ ପାଇବ ।
\v 34 ଯେହେତୁ ଆମ୍ଭେ ଇସ୍ରାଏଲ ସନ୍ତାନଗଣର ମଙ୍ଗଳାର୍ଥକ ବଳିରୁ ଦୋଳନୀୟ ନୈବେଦ୍ୟର ବକ୍ଷ ଓ ଉତ୍ତୋଳନୀୟ ଉପହାରର ଜଙ୍ଘ ନେଇ ଇସ୍ରାଏଲ ସନ୍ତାନଗଣର ଅନନ୍ତକାଳୀନ ଦେୟ ରୂପେ ହାରୋଣ ଯାଜକକୁ ଓ ତାହାର ପୁତ୍ରଗଣଙ୍କୁ ଦେଇଅଛୁ ।”
\p
\s5
\v 35 ଯେଉଁ ଦିନ ମୋଶା ସଦାପ୍ରଭୁଙ୍କ ଛାମୁରେ ଯାଜକକର୍ମ କରିବା ନିମନ୍ତେ ହାରୋଣଙ୍କୁ ଓ ତାହାର ପୁତ୍ରଗଣଙ୍କୁ ଉପସ୍ଥିତ କରାଇଲେ, ସେହି ଦିନଠାରୁ ସଦାପ୍ରଭୁଙ୍କ ଅଗ୍ନିକୃତ ଉପହାର ମଧ୍ୟରୁ ଏହା ହିଁ ସେମାନଙ୍କର ଅଭିଷେକ ଅଂଶ;
\v 36 ସେ ସେମାନଙ୍କୁ ଅଭିଷେକ କରିବା ଦିନ ସଦାପ୍ରଭୁ ଇସ୍ରାଏଲ ସନ୍ତାନଗଣଠାରୁ ତାହା ଦତ୍ତ ହେବା ନିମନ୍ତେ ଆଜ୍ଞା ଦେଲେ । ତାହା ସେମାନଙ୍କର ପୁରୁଷାନୁକ୍ରମେ ଅନନ୍ତକାଳୀନ ଦେୟ ।
\s5
\v 37 ହୋମବଳି, ଭକ୍ଷ୍ୟ ନୈବେଦ୍ୟ, ପାପାର୍ଥକ ବଳି, ଦୋଷାର୍ଥକ ବଳି ଓ ପଦନିଯୋଗାର୍ଥକ; ପୁଣି ମଙ୍ଗଳାର୍ଥକ ବଳିର ଏହି ବ୍ୟବସ୍ଥା ।
\v 38 ସଦାପ୍ରଭୁ ଯେଉଁ ଦିନ ସୀନୟ ପ୍ରାନ୍ତରସ୍ଥିତ ଇସ୍ରାଏଲ ସନ୍ତାନଗଣକୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆପଣା ଆପଣା ଉପହାର ଦେବାକୁ ଆଜ୍ଞା ଦେଲେ, ସେହି ଦିନ ସୀନୟ ପର୍ବତରେ ମୋଶାଙ୍କୁ ଆଜ୍ଞା ଦେଲେ ।
\s5
\c 8
\s ହାରୋଣ ଓ ତାଙ୍କ ପୁତ୍ରମାନଙ୍କ ପବିତ୍ରିକରଣ
\p
\v 1 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
\v 2 “ତୁମ୍ଭେ ହାରୋଣକୁ ଓ ତାହା ସହିତ ତାହାର ପୁତ୍ରଗଣଙ୍କୁ, ଆଉ ବସ୍ତ୍ରସକଳ, ଅଭିଷେକାର୍ଥକ ତୈଳ, ପାପାର୍ଥକ ବଳିର ଗୋବତ୍ସ, ଦୁଇ ମେଷ ଓ ତାଡ଼ିଶୂନ୍ୟ ରୁଟିର ଟୋକେଇ ଆପଣା ସଙ୍ଗେ ନିଅ ।
\v 3 ପୁଣି ସମାଗମ-ତମ୍ବୁର ଦ୍ୱାର ନିକଟରେ ସମଗ୍ର ମଣ୍ଡଳୀକୁ ଏକତ୍ର କର ।”
\s5
\v 4 ଆଉ, ସଦାପ୍ରଭୁଙ୍କ ଆଜ୍ଞାନୁସାରେ ମୋଶା କଲେ; ତହିଁରେ ସମାଗମ-ତମ୍ବୁର ଦ୍ୱାର ନିକଟରେ ସମଗ୍ର ମଣ୍ଡଳୀ ଏକତ୍ର ହେଲେ ।
\v 5 ପୁଣି ମୋଶା ମଣ୍ଡଳୀକୁ କହିଲେ, ଯାହା କରିବା ପାଇଁ ସଦାପ୍ରଭୁ ଆଜ୍ଞା ଦେଇଅଛନ୍ତି, ସେହି କଥା ଏହି ।
\p
\s5
\v 6 ତହୁଁ ମୋଶା ହାରୋଣଙ୍କୁ ଓ ତାଙ୍କର ପୁତ୍ରଗଣଙ୍କୁ ଆଣି ଜଳରେ ସ୍ନାନ କରାଇଲେ ।
\v 7 ପୁଣି ହାରୋଣଙ୍କୁ ପୋଷାକ ପିନ୍ଧାଇଲେ ଓ କଟିବନ୍ଧନୀରେ ତାଙ୍କର କଟି ବାନ୍ଧିଲେ ଓ ତାଙ୍କୁ ଚୋଗା ପିନ୍ଧାଇଲେ ଓ ତହିଁ ଉପରେ ଏଫୋଦ ଦେଲେ, ପୁଣି ଏଫୋଦର ଚିତ୍ରିତ ପଟୁକା ବାନ୍ଧି ତହିଁ ସଙ୍ଗେ ଏଫୋଦକୁ ବାନ୍ଧିଲେ ।
\s5
\v 8 ଆଉ, ସେ ତାହା ଉପରେ ବୁକୁପଟା ଦେଲେ ଆଉ, ବୁକୁପଟାରେ ଊରୀମ୍‍ ଓ ତୁମ୍ମୀମ୍‍ ରଖିଲେ ।
\v 9 ପୁଣି, ତାଙ୍କର ମସ୍ତକରେ ପଗଡ଼ି ରଖିଲେ; ପଗଡ଼ି ସମ୍ମୁଖରେ ସ୍ୱର୍ଣ୍ଣପତ୍ରର ପବିତ୍ର ମୁକୁଟ ଦେଲେ; ମୋଶା ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଏହା କଲେ ।
\p
\s5
\v 10 ଏଥିଉତ୍ତାରେ ମୋଶା ଅଭିଷେକାର୍ଥକ ତୈଳ ନେଇ ଆବାସ ଓ ତହିଁ ମଧ୍ୟସ୍ଥିତ ସମସ୍ତ ବସ୍ତୁ ଅଭିଷେକ କରି ପବିତ୍ର କଲେ ।
\v 11 ପୁଣି, ସେ ତହିଁରୁ କିଛି ନେଇ ବେଦି ଉପରେ ସାତ ଥର ସେଚନ କଲେ; ଆଉ, ବେଦି ଓ ତହିଁର ସମସ୍ତ ପାତ୍ର ଓ ପ୍ରକ୍ଷାଳନପାତ୍ର ଓ ତହିଁର ବୈଠିକି ପବିତ୍ର କରିବାକୁ ଅଭିଷେକ କଲେ ।
\s5
\v 12 ଏଥିଉତ୍ତାରେ ମୋଶା ହାରୋଣଙ୍କୁ ପବିତ୍ର କରିବା ପାଇଁ ତାଙ୍କର ମସ୍ତକରେ କିଛି ଅଭିଷେକାର୍ଥକ ତୈଳ ଢାଳି ତାଙ୍କୁ ଅଭିଷେକ କଲେ ।
\v 13 ଅନନ୍ତର ମୋଶା ହାରୋଣଙ୍କର ପୁତ୍ରଗଣଙ୍କୁ ଆଣି ସେମାନଙ୍କୁ ପୋଷାକ ପିନ୍ଧାଇଲେ ଓ କଟିବନ୍ଧନୀରେ ସେମାନଙ୍କର କଟି ବାନ୍ଧିଲେ ଓ ସେମାନଙ୍କୁ ଶିରୋଭୂଷଣରେ ଭୂଷିତ କଲେ; ସଦାପ୍ରଭୁଙ୍କ ଆଜ୍ଞାନୁସାରେ ମୋଶା ଏହା କଲେ ।
\p
\s5
\v 14 ଆଉ, ସେ ପାପାର୍ଥକ ବଳିର ଗୋବତ୍ସ ଆଣିଲେ; ପୁଣି ହାରୋଣ ଓ ତାଙ୍କର ପୁତ୍ରଗଣ ସେହି ପାପାର୍ଥକ ବଳିର ଗୋବତ୍ସ ମସ୍ତକରେ ହସ୍ତ ରଖିଲେ ।
\v 15 ତହୁଁ ସେ ତାକୁ ବଧ କଲେ; ପୁଣି ମୋଶା ରକ୍ତ ନେଇ ଅଙ୍ଗୁଳି ଦ୍ୱାରା ବେଦିର ଚାରିଆଡ଼େ ଶୃଙ୍ଗ ଉପରେ ଦେଇ ବେଦିକୁ ପବିତ୍ର କଲେ; ଆଉ, ବେଦି ମୂଳରେ ସେହି ରକ୍ତ ଢାଳି ଦେଲେ ଓ ତହିଁ ନିମନ୍ତେ ପ୍ରାୟଶ୍ଚିତ୍ତ କରିବା ପାଇଁ ପବିତ୍ର କଲେ ।
\s5
\v 16 ଏଥିଉତ୍ତାରେ ମୋଶା ଅନ୍ତ ଉପରିସ୍ଥ ସମସ୍ତ ମେଦ, ଯକୃତର ଉପରିସ୍ଥ ଅନ୍ତପ୍ଲାବକ, ଦୁଇ ଗୁର୍ଦା ଓ ତହିଁର ମେଦ ନେଇ ବେଦି ଉପରେ ଦଗ୍ଧ କଲେ ।
\v 17 ମାତ୍ର ସେହି ଗୋବତ୍ସର ଚର୍ମ, ମାଂସ ଓ ଗୋମୟ ନେଇ ଛାଉଣିର ବାହାରେ ଦଗ୍ଧ କଲେ; ସଦାପ୍ରଭୁଙ୍କ ଆଜ୍ଞାନୁସାରେ ମୋଶା ଏହା କଲେ ।
\p
\s5
\v 18 ଏଥିଉତ୍ତାରେ ସେ ହୋମାର୍ଥକ ମେଷ ଆଣିଲେ; ତହିଁରେ ହାରୋଣ ଓ ତାଙ୍କର ପୁତ୍ରଗଣ ମେଷର ମସ୍ତକରେ ହସ୍ତ ରଖିଲେ ।
\v 19 ତହୁଁ ସେ ତାକୁ ବଧ କଲେ, ପୁଣି ମୋଶା ବେଦି ଉପରେ ଚାରିଆଡ଼େ ରକ୍ତ ସେଚନ କଲେ ।
\s5
\v 20 ଆଉ, ସେ ମେଷକୁ ଖଣ୍ଡ ଖଣ୍ଡ କରି କାଟିଲେ; ପୁଣି, ମୋଶା ତାହାର ମସ୍ତକ, ମାଂସଖଣ୍ଡସକଳ ଓ ମେଦ ଦଗ୍ଧ କଲେ ।
\v 21 ଆଉ, ସେ ତାହାର ଅନ୍ତ ଓ ପାଦ ଜଳରେ ଧୌତ କଲେ । ପୁଣି, ମୋଶା ବେଦି ଉପରେ ମେଷ ସମେତ ଦଗ୍ଧ କଲେ, ଏହା ତୁଷ୍ଟିଜନକ ଆଘ୍ରାଣାର୍ଥକ ହୋମବଳି; ଏହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର । ସଦାପ୍ରଭୁଙ୍କ ଆଜ୍ଞାନୁସାରେ ମୋଶା ଏହା କଲେ ।
\p
\s5
\v 22 ଏଥିଉତ୍ତାରେ ସେ ଅନ୍ୟ ମେଷ, ଅର୍ଥାତ୍‍, ପଦନିଯୋଗାର୍ଥକ ମେଷ ଆଣିଲେ, ତହିଁରେ ହାରୋଣ ଓ ତାଙ୍କର ପୁତ୍ରଗଣ ମେଷର ମସ୍ତକ ଉପରେ ହସ୍ତ ରଖିଲେ ।
\v 23 ଆଉ, ସେ ତାକୁ ବଧ କଲେ; ତହୁଁ ମୋଶା ତାହାର କିଛି ରକ୍ତ ନେଇ ହାରୋଣଙ୍କର ଡାହାଣ କର୍ଣ୍ଣପ୍ରାନ୍ତରେ ଓ ତାଙ୍କର ଡାହାଣ ହସ୍ତର ବୃଦ୍ଧାଙ୍ଗୁଳି ଉପରେ ଓ ଡାହାଣ ପାଦର ବୃଦ୍ଧାଙ୍ଗୁଳି ଉପରେ ଦେଲେ ।
\v 24 ଏଥିଉତ୍ତାରେ ସେ ହାରୋଣଙ୍କର ପୁତ୍ରଗଣଙ୍କୁ ଆଣିଲେ, ତହୁଁ ମୋଶା ସେହି ରକ୍ତରୁ କିଛି ନେଇ ସେମାନଙ୍କ ଡାହାଣ କର୍ଣ୍ଣପ୍ରାନ୍ତରେ ଓ ସେମାନଙ୍କ ଡାହାଣ ହସ୍ତର ବୃଦ୍ଧାଙ୍ଗୁଳି ଉପରେ ଓ ସେମାନଙ୍କ ଡାହାଣ ପାଦର ବୃଦ୍ଧାଙ୍ଗୁଳି ଉପରେ ଦେଲେ; ଆଉ ମୋଶା ବେଦି ଉପରେ ଚାରିଆଡ଼େ ରକ୍ତ ସେଚନ କଲେ ।
\s5
\v 25 ପୁଣି, ସେ ମେଦ, ମେଦମୟ ଲାଙ୍ଗୁଳ, ଅନ୍ତ ଉପରିସ୍ଥ ସକଳ ମେଦ, ଯକୃତର ଉପରିସ୍ଥ ଅନ୍ତପ୍ଲାବକ, ଦୁଇ ଗୁର୍ଦା, ତହିଁର ମେଦ ଓ ଡାହାଣ ଜଙ୍ଘ ନେଲେ;
\v 26 ଆଉ, ସେ ସଦାପ୍ରଭୁଙ୍କ ସମ୍ମୁଖସ୍ଥ ତାଡ଼ିଶୂନ୍ୟ ରୁଟିର ଟୋକେଇରୁ ଗୋଟିଏ ତାଡ଼ିଶୂନ୍ୟ ପିଠା ଓ ତୈଳଲେପିତ ରନ୍ଧନ ହୋଇଥିବା ରୁଟିର ଗୋଟିଏ ପିଠା ଓ ଗୋଟିଏ ସରୁ ଚକୁଳି ନେଇ ମେଦ ଓ ଡାହାଣ ଜଙ୍ଘ ଉପରେ ରଖିଲେ;
\v 27 ତହୁଁ ସେ ହାରୋଣଙ୍କର ଓ ତାଙ୍କର ପୁତ୍ରଗଣଙ୍କର ହସ୍ତରେ ସେହି ସବୁ ଦେଇ ସଦାପ୍ରଭୁଙ୍କ ସମ୍ମୁଖରେ ଦୋଳନୀୟ ନୈବେଦ୍ୟାର୍ଥେ ଦୋଳାଇଲେ ।
\s5
\v 28 ଏଥିଉତ୍ତାରେ ମୋଶା ସେମାନଙ୍କ ହସ୍ତରୁ ସେହିସବୁ ନେଇ ବେଦିସ୍ଥିତ ହୋମବଳି ଉପରେ ଦଗ୍ଧ କଲେ; ଏହିସବୁ ତୁଷ୍ଟିଜନକ ଆଘ୍ରାଣାର୍ଥେ ପଦନିଯୋଗାର୍ଥକ ନୈବେଦ୍ୟ; ଏହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ।
\v 29 ଆଉ, ମୋଶା ବକ୍ଷ ନେଇ ସଦାପ୍ରଭୁଙ୍କ ସମ୍ମୁଖରେ ଦୋଳନୀୟ ନୈବେଦ୍ୟାର୍ଥେ ଦୋଳାଇଲେ; ପଦନିଯୋଗାର୍ଥକ ମେଷର ଏହି ଅଂଶ ମୋଶାଙ୍କର ହେଲା; ସଦାପ୍ରଭୁଙ୍କ ଆଜ୍ଞାନୁସାରେ ମୋଶା ଏହା କଲେ ।
\p
\s5
\v 30 ଏଥିଉତ୍ତାରେ ମୋଶା ଅଭିଷେକାର୍ଥକ ତୈଳରୁ ଓ ବେଦି ଉପରିସ୍ଥ ରକ୍ତରୁ କିଛି ନେଇ ହାରୋଣଙ୍କ ଉପରେ ଓ ତାଙ୍କର ବସ୍ତ୍ର ଉପରେ, ପୁଣି ତାଙ୍କ ସଙ୍ଗେ ତାଙ୍କର ପୁତ୍ରଗଣଙ୍କ ଉପରେ ଓ ସେମାନଙ୍କ ବସ୍ତ୍ର ଉପରେ ତାହା ସେଚନ କଲେ; ଆଉ ହାରୋଣଙ୍କୁ ଓ ତାଙ୍କର ବସ୍ତ୍ରସକଳକୁ ଓ ତାଙ୍କର ପୁତ୍ରଗଣଙ୍କୁ ଓ ସେମାନଙ୍କ ବସ୍ତ୍ର ସକଳକୁ ପବିତ୍ର କଲେ ।
\s5
\v 31 ତହୁଁ ମୋଶା ହାରୋଣଙ୍କୁ ଓ ତାଙ୍କର ପୁତ୍ରଗଣଙ୍କୁ କହିଲେ, “ସମାଗମ-ତମ୍ବୁର ଦ୍ୱାର ନିକଟରେ ମାଂସ ରନ୍ଧନ କର; ଆଉ ‘ହାରୋଣ ଓ ତାହାର ପୁତ୍ରଗଣ ତାହା ଭୋଜନ କରିବେ, ଆମ୍ଭର ଏହି ଆଜ୍ଞାନୁସାରେ ସେହି ସ୍ଥାନରେ ତାହା ଓ ପଦନିଯୋଗାର୍ଥକ ଟୋକେଇରେ ଥିବା ରୁଟି ଭୋଜନ କର ।
\v 32 ପୁଣି, ମାଂସ ଓ ରୁଟିରୁ ଯାହା ଅବଶିଷ୍ଟ ରହିବ, ତାହା ତୁମ୍ଭେମାନେ ଅଗ୍ନିରେ ଦଗ୍ଧ କରିବ ।
\v 33 ଆଉ, ତୁମ୍ଭେମାନେ ସାତ ଦିନ ପର୍ଯ୍ୟନ୍ତ, ଅର୍ଥାତ୍‍, ତୁମ୍ଭମାନଙ୍କ ପଦନିଯୋଗ ଦିନର ସମାପ୍ତି ପର୍ଯ୍ୟନ୍ତ ସମାଗମ-ତମ୍ବୁର ଦ୍ୱାରରୁ ବାହାରକୁ ଯିବ ନାହିଁ; କାରଣ ସଦାପ୍ରଭୁ ତୁମ୍ଭମାନଙ୍କୁ ସାତ ଦିନ ପର୍ଯ୍ୟନ୍ତ ପଦରେ ନିଯୁକ୍ତ କରିବେ ।
\s5
\v 34 ଯେପରି ଆଜି କରାଯାଇଅଛି, ସେପରି ତୁମ୍ଭମାନଙ୍କ ନିମନ୍ତେ ପ୍ରାୟଶ୍ଚିତ୍ତ କରିବାକୁ ସଦାପ୍ରଭୁ ଆଜ୍ଞା ଦେଇଅଛନ୍ତି ।
\v 35 ପୁଣି, ତୁମ୍ଭେମାନେ ଯେପରି ନ ମର, ଏଥିପାଇଁ ସାତ ଦିନ ପର୍ଯ୍ୟନ୍ତ ସମାଗମ-ତମ୍ବୁର ଦ୍ୱାରରେ ଦିବାରାତ୍ର ରହିବ ଓ ସଦାପ୍ରଭୁଙ୍କର ରକ୍ଷଣୀୟ ରକ୍ଷା କରିବ । କାରଣ ଏହିପରି ଆମ୍ଭେ ଆଜ୍ଞା ପାଇଅଛୁ ।”
\v 36 ତହୁଁ ସଦାପ୍ରଭୁ ମୋଶାଙ୍କ ଦ୍ୱାରା ଯାହା ଆଜ୍ଞା କରିଥିଲେ, ହାରୋଣ ଓ ତାଙ୍କର ପୁତ୍ରଗଣ ସେହିସବୁ କଥା ପାଳନ କଲେ ।
\s5
\c 9
\s ହାରୋଣଙ୍କ ବଳିଦାନ ଗୃହୀତ
\p
\v 1 ଏଥିଉତ୍ତାରେ ଅଷ୍ଟମ ଦିନରେ ମୋଶା ହାରୋଣଙ୍କୁ ଓ ତାଙ୍କର ପୁତ୍ରଗଣଙ୍କୁ ଓ ଇସ୍ରାଏଲର ପ୍ରାଚୀନବର୍ଗଙ୍କୁ ଡାକିଲେ,
\v 2 ପୁଣି ସେ ହାରୋଣଙ୍କୁ କହିଲେ, “ତୁମ୍ଭେ ପାପାର୍ଥକ ବଳି ନିମନ୍ତେ ନିଖୁନ୍ତ ଏକ ବୃଷର ବତ୍ସ ଓ ହୋମବଳି ନିମନ୍ତେ ନିଖୁନ୍ତ ଏକ ମେଷ ନେଇ ସଦାପ୍ରଭୁଙ୍କ ସମ୍ମୁଖରେ ଉତ୍ସର୍ଗ କର ।
\s5
\v 3 ପୁଣି, ଇସ୍ରାଏଲ ସନ୍ତାନଗଣକୁ କହିବ, ‘ତୁମ୍ଭେମାନେ ସଦାପ୍ରଭୁଙ୍କ ଛାମୁରେ ବଳିଦାନାର୍ଥେ ପାପାର୍ଥକ ବଳି ନିମନ୍ତେ ଏକ ଛାଗ ଓ ହୋମବଳି ନିମନ୍ତେ ଏକ ଗୋବତ୍ସ ଓ ଏକ ମେଷବତ୍ସ ନେବ, ଦୁହେଁ ଏକବର୍ଷୀୟ ଓ ନିଖୁନ୍ତ ଥିବେ,
\v 4 ପୁଣି ମଙ୍ଗଳାର୍ଥକ ବଳି ନିମନ୍ତେ ଏକ ଗୋରୁ ଓ ଏକ ମେଷ, ପୁଣି ତୈଳମିଶ୍ରିତ ଭକ୍ଷ୍ୟ ନୈବେଦ୍ୟ ନେବ; ଯେହେତୁ ଆଜି ସଦାପ୍ରଭୁ ତୁମ୍ଭମାନଙ୍କୁ ଦର୍ଶନ ଦେଉଅଛନ୍ତି ।’”
\p
\v 5 ତହୁଁ ମୋଶା ଯାହା ଆଜ୍ଞା କଲେ, ତାହା ସେମାନେ ସମାଗମ-ତମ୍ବୁ ନିକଟକୁ ଆଣିଲେ, ପୁଣି ସମସ୍ତ ମଣ୍ଡଳୀ ନିକଟବର୍ତ୍ତୀ ହୋଇ ସଦାପ୍ରଭୁଙ୍କ ଛାମୁରେ ଠିଆ ହେଲେ ।
\s5
\v 6 ଆଉ ମୋଶା କହିଲେ, “ଏହି କଥା କରିବାକୁ ସଦାପ୍ରଭୁ ତୁମ୍ଭମାନଙ୍କୁ ଆଜ୍ଞା ଦେଲେ; ଏହା କଲେ, ତୁମ୍ଭମାନଙ୍କ ପ୍ରତି ସଦାପ୍ରଭୁଙ୍କର ପ୍ରତାପ ପ୍ରକାଶ ପାଇବ ।”
\v 7 ତହୁଁ ମୋଶା ହାରୋଣଙ୍କୁ କହିଲେ, “ତୁମ୍ଭେ ବେଦି ନିକଟକୁ ଯାଇ ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଆପଣାର ପାପାର୍ଥକ ବଳି ଓ ଆପଣା ହୋମ ବଳି ଉତ୍ସର୍ଗ କର, ପୁଣି ଆପଣା ନିମନ୍ତେ ଓ ଲୋକମାନଙ୍କ ନିମନ୍ତେ ପ୍ରାୟଶ୍ଚିତ୍ତ କର; ତହିଁ ଉତ୍ତାରୁ ଲୋକମାନଙ୍କର ଉପହାର ଉତ୍ସର୍ଗ କରି ସେମାନଙ୍କ ନିମନ୍ତେ ପ୍ରାୟଶ୍ଚିତ୍ତ କର ।”
\p
\s5
\v 8 ତହିଁରେ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ହାରୋଣ ବେଦି ନିକଟକୁ ଯାଇ ଆପଣା ପାପାର୍ଥକ ବଳିର ଗୋବତ୍ସ ବଧ କଲେ ।
\v 9 ତହୁଁ ହାରୋଣଙ୍କର ପୁତ୍ରଗଣ ତାଙ୍କ ନିକଟକୁ ରକ୍ତ ଆଣିଲେ; ତହିଁରେ ସେ ଆପଣା ଅଙ୍ଗୁଳି ରକ୍ତରେ ଡୁବାଇ ବେଦିର ଶୃଙ୍ଗ ଉପରେ ଦେଲେ ଓ ଅବଶିଷ୍ଟ ରକ୍ତ ବେଦିମୂଳରେ ଢାଳିଲେ;
\s5
\v 10 ମାତ୍ର ପାପାର୍ଥକ ବଳିର ମେଦ, ଗୁର୍ଦା ଓ ଯକୃତର ଅନ୍ତପ୍ଲାବକ ବେଦି ଉପରେ ଦଗ୍ଧ କଲେ ।
\v 11 ପୁଣି, ମାଂସ ଓ ଚର୍ମ ଛାଉଣିର ବାହାରେ ଅଗ୍ନିରେ ଦଗ୍ଧ କଲେ ।
\p
\s5
\v 12 ଏଥିଉତ୍ତାରେ ହାରୋଣ ହୋମାର୍ଥକ ବଳି ବଧ କଲେ; ପୁଣି ତାହାଙ୍କର ପୁତ୍ରଗଣ ତାଙ୍କ ନିକଟକୁ ରକ୍ତ ଆଣନ୍ତେ, ସେ ବେଦି ଉପରେ ଚାରିଆଡ଼େ ତାହା ସେଚନ କଲେ ।
\v 13 ଅନନ୍ତର ସେମାନେ ତାଙ୍କ ନିକଟରେ ହୋମବଳିର ଖଣ୍ଡକୁ ଖଣ୍ଡ ମାଂସ ସହିତ ମସ୍ତକ ସମର୍ପଣ କଲେ; ତହିଁରେ ସେହି ସମସ୍ତ ସେ ବେଦି ଉପରେ ଦଗ୍ଧ କଲେ ।
\v 14 ପୁଣି, ସେ ଅନ୍ତ ଓ ପାଦ ଧୌତ କରି ହୋମଦ୍ରବ୍ୟ ସହିତ ବେଦି ଉପରେ ଦଗ୍ଧ କଲେ ।
\p
\s5
\v 15 ଏଥିଉତ୍ତାରେ ସେ ଲୋକମାନଙ୍କର ଉପହାର ନିକଟକୁ ଆଣିଲେ, ପୁଣି ଲୋକମାନଙ୍କ ପାପାର୍ଥକ ଛାଗ ନେଇ ପ୍ରଥମଟିର ତୁଲ୍ୟ ବଧ କରି ପାପାର୍ଥେ ତାହା ଉତ୍ସର୍ଗ କଲେ;
\v 16 ଏଥିଉତ୍ତାରେ ସେ ହୋମବଳି ଆଣି ବିଧି ଅନୁସାରେ ଉତ୍ସର୍ଗ କଲେ ।
\v 17 ଆଉ, ସେ ଭକ୍ଷ୍ୟ ନୈବେଦ୍ୟ ଆଣି ତହିଁରୁ ମୁଠାଏ ନେଇ ପ୍ରଭାତର ହୋମବଳି ସହିତ ବେଦି ଉପରେ ତାହା ଦଗ୍ଧ କଲେ ।
\s5
\v 18 ମଧ୍ୟ ସେ ଲୋକମାନଙ୍କର ମଙ୍ଗଳାର୍ଥକ ବଳିର ଗୋରୁ ଓ ମେଷ ବଧ କଲେ; ପୁଣି, ହାରୋଣଙ୍କର ପୁତ୍ରଗଣ ତାଙ୍କ ନିକଟରେ ରକ୍ତ ସମର୍ପଣ କରନ୍ତେ, ସେ ବେଦି ଉପରେ ଚାରିଆଡ଼େ ତାହା ସେଚନ କଲେ;
\v 19 ପୁଣି ଗୋରୁର ମେଦ, ମେଷର ମେଦମୟ ଲାଙ୍ଗୁଳ, ଆଉ ଅନ୍ତ, ଗୁର୍ଦାର ଉପରିସ୍ଥ ମେଦ ଓ ଯକୃତର ଉପରିସ୍ଥ ଅନ୍ତପ୍ଲାବକ,
\s5
\v 20 ଏହି ସମସ୍ତ ମେଦ ସେମାନେ ବକ୍ଷ ଉପରେ ରଖିଲେ, ପୁଣି, ସେ ବେଦି ଉପରେ ମେଦ ଦଗ୍ଧ କଲେ;
\v 21 ପୁଣି, ମୋଶାଙ୍କର ଆଜ୍ଞାନୁସାରେ ହାରୋଣ ସଦାପ୍ରଭୁଙ୍କ ସମ୍ମୁଖରେ ବକ୍ଷ ଓ ଡାହାଣ ଜଙ୍ଘ ଦୋଳନୀୟ ନୈବେଦ୍ୟ ରୂପେ ଦୋଳାଇଲେ ।
\p
\s5
\v 22 ତହୁଁ ହାରୋଣ ଲୋକମାନଙ୍କ ପ୍ରତି ଆପଣା ହସ୍ତ ବିସ୍ତାର କରି ସେମାନଙ୍କୁ ଆଶୀର୍ବାଦ କଲେ; ଏହିରୂପେ ପାପାର୍ଥକ ବଳି ଓ ହୋମବଳି ଓ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କରି ଓହ୍ଲାଇ ଆସିଲେ ।
\v 23 ଅନନ୍ତର ମୋଶା ଓ ହାରୋଣ ସମାଗମ-ତମ୍ବୁରେ ପ୍ରବେଶ କଲେ; ପୁଣି, ବାହାରେ ଆସି ଲୋକମାନଙ୍କୁ ଆଶୀର୍ବାଦ କଲେ; ସେତେବେଳେ ସମସ୍ତ ଲୋକଙ୍କ ପ୍ରତି ସଦାପ୍ରଭୁଙ୍କର ପ୍ରତାପ ପ୍ରକାଶ ପାଇଲା ।
\v 24 ପୁଣି, ସଦାପ୍ରଭୁଙ୍କ ସମ୍ମୁଖରୁ ଅଗ୍ନି ନିର୍ଗତ ହୋଇ ବେଦି ଉପରିସ୍ଥ ହୋମବଳି ଓ ମେଦ ଭସ୍ମ କଲା, ପୁଣି, ସମସ୍ତ ଲୋକେ ତାହା ଦେଖି ଉଚ୍ଚଧ୍ୱନି କରି ମୁହଁ ମାଡ଼ି ହୋଇ ପଡ଼ିଲେ ।
\s5
\c 10
\s ନାଦବ ଓ ଅବୀହୁଙ୍କ ମୃତ୍ୟୁ
\p
\v 1 ଏଥିଉତ୍ତାରେ ହାରୋଣଙ୍କର ପୁତ୍ର ନାଦବ ଓ ଅବୀହୁ ପ୍ରତ୍ୟେକେ ଆପଣା ଆପଣା ଅଙ୍ଗାରଧାନୀ ନେଇ ତହିଁରେ ଅଗ୍ନି ଦେଇ ତହିଁ ଉପରେ ଧୂପ ରଖିଲେ; ପୁଣି ସଦାପ୍ରଭୁ ଯାହା ଆଜ୍ଞା କରି ନ ଥିଲେ, ଏପରି ଭିନ୍ନ ଇତର ଅଗ୍ନି ତାହାଙ୍କ ଛାମୁରେ ଉତ୍ସର୍ଗ କଲେ ।
\v 2 ତହିଁରେ ସଦାପ୍ରଭୁଙ୍କ ସମ୍ମୁଖରୁ ଅଗ୍ନି ନିର୍ଗତ ହୋଇ ସେମାନଙ୍କୁ ଗ୍ରାସ କଲା ଓ ସେମାନେ ସଦାପ୍ରଭୁଙ୍କ ସମ୍ମୁଖରେ ମଲେ ।
\p
\s5
\v 3 ତହୁଁ ମୋଶା ହାରୋଣଙ୍କୁ କହିଲେ, "ସଦାପ୍ରଭୁ ଏହି କଥା କହିଲେ,
\q1 ଯେଉଁମାନେ ଆମ୍ଭ ନିକଟକୁ ଆସନ୍ତି, ସେମାନଙ୍କ ମଧ୍ୟରେ ଆମ୍ଭେ ପବିତ୍ର ରୂପେ ମାନ୍ୟ ହେବା;
\q1 ଓ ସମସ୍ତ ଲୋକଙ୍କ ସମ୍ମୁଖରେ ଆମ୍ଭେ ଗୌରବାନ୍ୱିତ ହେବା ।"
\m ତହିଁରେ ହାରୋଣ ମୌନ ହେଲେ ।
\v 4 ଅନନ୍ତର ମୋଶା ହାରୋଣଙ୍କର କକା ଊଷୀୟେଲର ପୁତ୍ର ମୀଖାୟେଲକୁ ଓ ଇଲୀଷାଫନକୁ ଡାକି କହିଲେ, “ନିକଟକୁ ଆସି ଆପଣା ଭାଇମାନଙ୍କୁ ପବିତ୍ର ସ୍ଥାନର ସମ୍ମୁଖରୁ ଛାଉଣିର ବାହାରକୁ ନେଇଯାଅ ।”
\s5
\v 5 ତହିଁରେ ସେମାନେ ମୋଶାଙ୍କର ବାକ୍ୟାନୁସାରେ ନିକଟକୁ ଯାଇ ସେମାନଙ୍କୁ ପୋଷାକ ସମେତ ଛାଉଣିର ବାହାରକୁ ନେଇଗଲେ ।
\p
\v 6 ପୁଣି, ମୋଶା ହାରୋଣଙ୍କୁ, ତାଙ୍କର ପୁତ୍ର ଇଲୀୟାସର ଓ ଈଥାମରକୁ କହିଲେ, “ତୁମ୍ଭେମାନେ ଯେପରି ନ ମର ଓ ସମସ୍ତ ମଣ୍ଡଳୀ ପ୍ରତି ସଦାପ୍ରଭୁ ଯେପରି କ୍ରୋଧ ନ କରନ୍ତି, ଏଥିପାଇଁ ତୁମ୍ଭମାନଙ୍କ ମସ୍ତକର କେଶ ମୁକୁଳା ନ ହେଉ, କିଅବା ଆପଣା ଆପଣା ବସ୍ତ୍ର ଚିର ନାହିଁ; ମାତ୍ର ସଦାପ୍ରଭୁ ଯେଉଁ ଅଗ୍ନିଦାହ ପ୍ରଜ୍ୱଳିତ କରିଅଛନ୍ତି, ତହିଁ ସକାଶୁ ତୁମ୍ଭମାନଙ୍କର ଭ୍ରାତୃବର୍ଗ ସମୁଦାୟ ଇସ୍ରାଏଲ ବଂଶ ରୋଦନ କରନ୍ତୁ ।
\v 7 ଆଉ ତୁମ୍ଭେମାନେ ସମାଗମ-ତମ୍ବୁର ଦ୍ୱାରରୁ ବାହାରକୁ ଯିବ ନାହିଁ, ଗଲେ ମରିବ । କାରଣ ତୁମ୍ଭମାନଙ୍କ ଦେହରେ ସଦାପ୍ରଭୁଙ୍କର ଅଭିଷେକ ତୈଳ ଅଛି ।” ତହିଁରେ ସେମାନେ ମୋଶାଙ୍କର ବାକ୍ୟାନୁସାରେ ସେହିପରି କଲେ ।
\s ଯାଜକମାନଙ୍କ ନିମନ୍ତେ ବିଧି
\p
\s5
\v 8 ଏଥିଉତ୍ତାରେ ସଦାପ୍ରଭୁ ହାରୋଣଙ୍କୁ କହିଲେ,
\v 9 “ତୁମ୍ଭମାନଙ୍କର ମୃତ୍ୟୁ ଯେପରି ନ ହୁଏ, ଏଥିପାଇଁ ଯେଉଁ ସମୟରେ ତୁମ୍ଭେମାନେ ସମାଗମ-ତମ୍ବୁରେ ପ୍ରବେଶ କରିବ, ସେହି ସମୟରେ ତୁମ୍ଭେ କି ତୁମ୍ଭ ସଙ୍ଗୀ ତୁମ୍ଭର ପୁତ୍ରଗଣ ଦ୍ରାକ୍ଷାରସ ଓ ମଦ୍ୟ ପାନ କରିବ ନାହିଁ; ଏହା ତୁମ୍ଭମାନଙ୍କ ପୁରୁଷାନୁକ୍ରମେ ପାଳନୀୟ ଅନନ୍ତକାଳୀନ ବିଧି ହେବ;
\v 10 ତହିଁରେ ତୁମ୍ଭେମାନେ ପବିତ୍ର ଓ ସାମାନ୍ୟ, ପୁଣି ଶୁଚି ଓ ଅଶୁଚି ମଧ୍ୟରେ ଭିନ୍ନତା ଜାଣିପାରିବ;
\v 11 ପୁଣି ସଦାପ୍ରଭୁ ମୋଶାଙ୍କ ଦ୍ୱାରା ଇସ୍ରାଏଲ ସନ୍ତାନଗଣକୁ ଯେଉଁ ସକଳ ବିଧି ଦେଇଅଛନ୍ତି, ତାହା ସେମାନଙ୍କୁ ଶିକ୍ଷା ଦେଇ ପାରିବ ।”
\p
\s5
\v 12 ଏଥିଉତ୍ତାରେ ମୋଶା ହାରୋଣଙ୍କୁ, ତାଙ୍କର ଅବଶିଷ୍ଟ ପୁତ୍ର ଇଲୀୟାସର ଓ ଈଥାମରଙ୍କୁ କହିଲେ, “ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାରର ଅବଶିଷ୍ଟ ଯେଉଁ ଭକ୍ଷ୍ୟ ନୈବେଦ୍ୟ, ତାହା ତୁମ୍ଭେମାନେ ନେଇ ବେଦି ନିକଟରେ ତାଡ଼ି ବିନା ଭୋଜନ କର, ଯେହେତୁ ତାହା ମହାପବିତ୍ର;
\v 13 ଏଣୁ ତୁମ୍ଭେମାନେ କୌଣସି ପବିତ୍ର ସ୍ଥାନରେ ତାହା ଭୋଜନ କର; କାରଣ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ମଧ୍ୟରୁ ତାହା ହିଁ ତୁମ୍ଭର ଓ ତୁମ୍ଭ ପୁତ୍ରଗଣଙ୍କର ପ୍ରାପ୍ତବ୍ୟ ଅଂଶ; ଯେହେତୁ ଆମ୍ଭେ ଏହି ଆଜ୍ଞା ପାଇଅଛୁ ।
\s5
\v 14 ପୁଣି ତୁମ୍ଭେ ଓ ତୁମ୍ଭ ସହିତ ତୁମ୍ଭ ପୁତ୍ରଗଣ ଓ ତୁମ୍ଭ କନ୍ୟାଗଣ ଦୋଳନୀୟ ନୈବେଦ୍ୟର ବକ୍ଷ ଓ ଉତ୍ତୋଳନୀୟ ଉପହାରର ଜଙ୍ଘ କୌଣସି ଶୁଚି ସ୍ଥାନରେ ଭୋଜନ କରିବ, ଯେହେତୁ ଇସ୍ରାଏଲ ସନ୍ତାନଗଣର ମଙ୍ଗଳାର୍ଥକ ବଳି ମଧ୍ୟରୁ ତାହା ତୁମ୍ଭର ଓ ତୁମ୍ଭ ସନ୍ତାନଗଣର ପ୍ରାପ୍ତବ୍ୟ ଅଂଶ ।
\v 15 ସେମାନେ ମେଦମୟ ଅଗ୍ନିକୃତ ଉପହାର ସହିତ ଉତ୍ତୋଳନୀୟ ଉପହାରର ଜଙ୍ଘ ଓ ଦୋଳନୀୟ ନୈବେଦ୍ୟର ବକ୍ଷ ସଦାପ୍ରଭୁଙ୍କ ସମ୍ମୁଖରେ ଦୋଳାଇବା ନିମନ୍ତେ ଆଣିବେ; ପୁଣି ତାହା ସଦାପ୍ରଭୁଙ୍କ ଆଜ୍ଞାନୁସାରେ ତୁମ୍ଭର ଓ ତୁମ୍ଭ ସନ୍ତାନଗଣଙ୍କର ଅନନ୍ତକାଳୀନ ଅଧିକାର ହେବ ।”
\p
\s5
\v 16 ଆଉ, ମୋଶା ପାପାର୍ଥକ ଛାଗର ବହୁତ ଅନ୍ୱେଷଣ କଲେ, ମାତ୍ର ଦେଖ, ତାହା ଦଗ୍ଧ ହୋଇଥିଲା; ଏଣୁ ସେ ହାରୋଣଙ୍କର ଅବଶିଷ୍ଟ ଦୁଇ ପୁତ୍ର ଇଲୀୟାସର ଓ ଈଥାମରଙ୍କ ପ୍ରତି କ୍ରୋଧ କରି କହିଲେ,
\v 17 "ତୁମ୍ଭେମାନେ କିହେତୁ ପବିତ୍ର ସ୍ଥାନରେ ସେହି ପାପାର୍ଥକ ବଳି ଭୋଜନ କଲ ନାହିଁ ? ତାହା ତ ମହାପବିତ୍ର, ପୁଣି ମଣ୍ଡଳୀର ଅପରାଧ ବୋହି ସଦାପ୍ରଭୁଙ୍କ ଛାମୁରେ ପ୍ରାୟଶ୍ଚିତ୍ତ କରିବା ନିମନ୍ତେ ସେ ତାହା ତୁମ୍ଭମାନଙ୍କୁ ଦେଇଅଛନ୍ତି ।
\v 18 ଦେଖ, ପବିତ୍ର ସ୍ଥାନ ଭିତରକୁ ତାହାର ରକ୍ତ ଅଣାଗଲା ନାହିଁ; ଯେପରି ଆମ୍ଭେ ଆଜ୍ଞା ଦେଇଥିଲୁ, ସେପରି ତୁମ୍ଭେମାନେ ପବିତ୍ର ସ୍ଥାନରେ ତାହା ତ ଭୋଜନ କରିଥା'ନ୍ତ ।"
\s5
\v 19 ତେବେ ହାରୋଣ ମୋଶାଙ୍କୁ କହିଲେ, “ଦେଖ, ସେମାନେ ଆଜି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆପଣାମାନଙ୍କର ପାପାର୍ଥକ ବଳି ଓ ଆପଣାମାନଙ୍କର ହୋମାର୍ଥକ ବଳି ଉତ୍ସର୍ଗ କଲେ, ତଥାପି ମୋ' ପ୍ରତି ଏପରି ଘଟିଲା; ଯେବେ ମୁଁ ଆଜି ପାପାର୍ଥକ ବଳି ଭୋଜନ କରିଥା'ନ୍ତି, ତେବେ ତାହା କି ସଦାପ୍ରଭୁଙ୍କ ଦୃଷ୍ଟିରେ ଭଲ ହୋଇଥା'ନ୍ତା ?”
\v 20 ତହୁଁ ମୋଶା ତାହା ଶୁଣନ୍ତେ, ତାହା ତାଙ୍କ ଦୃଷ୍ଟିରେ ଭଲ ଦେଖାଗଲା ।
\s5
\c 11
\s ଶୁଚି ଅଶୁଚି ଜୀବ
\p
\v 1 ତା'ପରେ ସଦାପ୍ରଭୁ ମୋଶା ଓ ହାରୋଣଙ୍କୁ କହିଲେ,
\v 2 "ଇସ୍ରାଏଲ ସନ୍ତାନଗଣକୁ କୁହ, ତୁମ୍ଭେମାନେ ପୃଥିବୀସ୍ଥିତ ପଶୁମାନଙ୍କ ମଧ୍ୟରେ ଏହି ସମସ୍ତ ଜୀବ ଭୋଜନ କରିବ ।
\s5
\v 3 ପଶୁମାନଙ୍କ ମଧ୍ୟରେ ଯାହାର ଖୁରା ବିଭକ୍ତ ଓ ପାଦ ଚିରା ଓ ଯେ ପାକୁଳି କରେ, ତାହାକୁ ତୁମ୍ଭେମାନେ ଭୋଜନ କରିବ ।
\v 4 ତଥାପି ଯେଉଁମାନେ ପାକୁଳି କରନ୍ତି, ଅଥବା ବିଭକ୍ତ ଖୁରାବିଶିଷ୍ଟ ଅଟନ୍ତି, ସେମାନଙ୍କ ମଧ୍ୟରୁ ଏହି ଏହି ପଶୁ ଭୋଜନ କରିବ ନାହିଁ, ଯଥା, ଓଟ, ଯେହେତୁ ସେ ପାକୁଳି କରେ, ମାତ୍ର ବିଭକ୍ତ ଖୁରାବିଶିଷ୍ଟ ନୁହେଁ, ତାହା ତୁମ୍ଭମାନଙ୍କ ପ୍ରତି ଅଶୁଚି ।
\s5
\v 5 ପୁଣି ଶାଫନ୍‍ (ଓଧ) ପଶୁ, ଯେହେତୁ ସେ ପାକୁଳି କରେ, ମାତ୍ର ବିଭକ୍ତ ଖୁରାବିଶିଷ୍ଟ ନୁହେଁ, ତାହା ତୁମ୍ଭମାନଙ୍କ ପ୍ରତି ଅଶୁଚି ।
\v 6 ଆଉ, ଠେକୁଆ, ଯେହେତୁ ସେ ପାକୁଳି କରେ, ମାତ୍ର ବିଭକ୍ତ ଖୁରାବିଶିଷ୍ଟ ନୁହେଁ, ତାହା ତୁମ୍ଭମାନଙ୍କ ପ୍ରତି ଅଶୁଚି ।
\v 7 ପୁଣି, ଶୂକର, ଯେହେତୁ ସେ ବିଭକ୍ତ ଖୁରା ଓ ଚିରାପାଦବିଶିଷ୍ଟ, ମାତ୍ର ପାକୁଳି କରେ ନାହିଁ, ତାହା ତୁମ୍ଭମାନଙ୍କ ପ୍ରତି ଅଶୁଚି ।
\v 8 ତୁମ୍ଭେମାନେ ସେମାନଙ୍କର ମାଂସ ଭୋଜନ କରିବ ନାହିଁ ଓ ସେମାନଙ୍କର ଶବ ସ୍ପର୍ଶ କରିବ ନାହିଁ, ସେମାନେ ତୁମ୍ଭମାନଙ୍କ ପ୍ରତି ଅଶୁଚି ।
\p
\s5
\v 9 ଜଳଜନ୍ତୁ ମଧ୍ୟରୁ ଏହି ସବୁ ତୁମ୍ଭେମାନେ ଭୋଜନ କରିବ; ଜଳରେ, ସମୁଦ୍ରରେ ଓ ନଦୀରେ ସ୍ଥିତ ଜନ୍ତୁ ମଧ୍ୟରେ ଯାହାର ଡେଣା ଓ କାତି ଅଛି, ତାହା ତୁମ୍ଭେମାନେ ଭୋଜନ କରିବ ।
\v 10 ମାତ୍ର ସମୁଦ୍ରରେ ଓ ନଦୀରେ ସ୍ଥିତ ସମସ୍ତ ଜଳଚର, ଅବା ଜଳସ୍ଥିତ ପ୍ରାଣୀମାନଙ୍କ ମଧ୍ୟରେ ଯେଉଁମାନଙ୍କର ଡେଣା ଓ କାତି ନାହିଁ, ସେମାନେ ତୁମ୍ଭମାନଙ୍କ ପ୍ରତି ଘୃଣାଯୋଗ୍ୟ ଅଟନ୍ତି,
\s5
\v 11 ଆଉ, ସେମାନେ ତୁମ୍ଭମାନଙ୍କ ପ୍ରତି ଘୃଣାଯୋଗ୍ୟ ହେବେ; ତୁମ୍ଭେମାନେ ସେମାନଙ୍କର ମାଂସ ଭୋଜନ କରିବ ନାହିଁ, ପୁଣି ସେମାନଙ୍କ ଶବକୁ ଘୃଣା କରିବ ।
\v 12 ଜଳଜନ୍ତୁ ମଧ୍ୟରେ ଯେଉଁମାନଙ୍କର ଡେଣା ଓ କାତି ନାହିଁ, ସେହି ସମସ୍ତ ତୁମ୍ଭମାନଙ୍କ ପ୍ରତି ଘୃଣାଯୋଗ୍ୟ ।
\p
\s5
\v 13 ଆଉ, ପକ୍ଷୀମାନଙ୍କ ମଧ୍ୟରୁ ଏହି ସବୁ ତୁମ୍ଭମାନଙ୍କର ଘୃଣାଯୋଗ୍ୟ ହେବେ; ସେମାନେ ଖାଦ୍ୟ ନୁହନ୍ତି; ଉତ୍କ୍ରୋଶ ଓ ହାଡ଼ଭଙ୍ଗା ଓ ବହୀରି,
\v 14 ପୁଣି, ଚିଲ ଓ ଆପଣା ଆପଣା ଜାତି ଅନୁସାରେ ବାଜ,
\v 15 ପୁଣି, ଆପଣା ଆପଣା ଜାତି ଅନୁସାରେ ସମସ୍ତ ଡାମରା କାଉ,
\v 16 ଓଟ ପକ୍ଷୀ, ତାମସ ପକ୍ଷୀ, ସମୁଦ୍ର ଚିଲ, ଆପଣା ଆପଣା ଜାତି ଅନୁସାରେ ଛଞ୍ଚାଣ,
\s5
\v 17 ପୁଣି, କୋଷପକ୍ଷୀ, ପାଣିକୁଆ, ବଗ,
\v 18 ଦୀର୍ଘଗଳ ହଂସ, ପାଣିଭେଳା, ଶାଗୁଣା;
\v 19 ପୁଣି ବଗ, ଆପଣା ଆପଣା ଜାତି ଅନୁସାରେ କଙ୍କ, ଟିଟ୍ଟିଭ ଓ ଚାମଚିକା ।
\p
\s5
\v 20 ପୁଣି, ଚାରି ପାଦରେ ଗମନକାରୀ ପକ୍ଷବିଶିଷ୍ଟ ଜନ୍ତୁସକଳ ତୁମ୍ଭମାନଙ୍କର ଘୃଣାଯୋଗ୍ୟ ହେବେ ।
\v 21 ତଥାପି ଚାରି ପାଦରେ ଗମନକାରୀ ପକ୍ଷବିଶିଷ୍ଟ ଜନ୍ତୁ ମଧ୍ୟରେ ଭୂମିରେ ଡେଇଁବା ପାଇଁ ଯେଉଁମାନଙ୍କର ଗୋଡ଼ନଳୀ ଦୀର୍ଘ, ସେମାନେ ତୁମ୍ଭମାନଙ୍କର ଖାଦ୍ୟ ହେବେ ।
\v 22 ଅର୍ଥାତ୍‍, ଆପଣା ଆପଣା ଜାତି ଅନୁସାରେ ପଙ୍ଗପାଳ, ଆପଣା ଆପଣା ଜାତି ଅନୁସାରେ ବାଘୁଆଫଡ଼ିଙ୍ଗ, ଆପଣା ଆପଣା ଜାତି ଅନୁସାରେ ଝିଙ୍କାରୀ ଓ ଆପଣା ଆପଣା ଜାତି ଅନୁସାରେ ଝିଣ୍ଟିକା, ଏହି ସକଳ ତୁମ୍ଭମାନଙ୍କର ଖାଦ୍ୟ ହେବେ ।
\v 23 ମାତ୍ର ଏହା ଛଡ଼ା ଚାରିଗୋଡ଼ିଆ ଉଡ଼ନ୍ତା ସମସ୍ତ ପତଙ୍ଗ ତୁମ୍ଭମାନଙ୍କର ଘୃଣାଯୋଗ୍ୟ ହେବେ ।
\p
\s5
\v 24 ଆଉ, ଏମାନଙ୍କ ଦ୍ୱାରା ତୁମ୍ଭେମାନେ ଅଶୁଚି ହେବ; ଯେକେହି ସେମାନଙ୍କର ଶବ ଛୁଇଁବ, ସେ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ ।
\v 25 ପୁଣି, ଯେକେହି ସେମାନଙ୍କ ଶବର କୌଣସି ଅଂଶ ବହିବ, ସେ ଆପଣା ବସ୍ତ୍ର ଧୋଇବ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ ।
\s5
\v 26 ଯେଉଁସବୁ ପଶୁର ଖୁରା ବିଭକ୍ତ, ମାତ୍ର ପାଦ ଚିରା ନୁହେଁ, କିଅବା ଯେଉଁମାନେ ପାକୁଳି କରନ୍ତି ନାହିଁ, ସେମାନେ ତୁମ୍ଭମାନଙ୍କ ନିକଟରେ ଅଶୁଚି; ଯେକେହି ସେମାନଙ୍କୁ ଛୁଇଁବ, ସେ ଅଶୁଚି ହେବ ।
\v 27 ପୁଣି ଚାରିଗୋଡ଼ିଆ ବନ୍ୟଜନ୍ତୁମାନଙ୍କ ମଧ୍ୟରେ ଯେଉଁମାନେ ତଳିପାରେ ଚାଲନ୍ତି, ସେମାନେ ତୁମ୍ଭମାନଙ୍କ ପ୍ରତି ଅଶୁଚି; ଯେକେହି ସେମାନଙ୍କର ଶବ ଛୁଇଁବ, ସେ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ ।
\v 28 ପୁଣି, ଯେକେହି ସେମାନଙ୍କର ଶବ ବହିବ, ସେ ଆପଣା ବସ୍ତ୍ର ଧୋଇବ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ; ସେମାନେ ତୁମ୍ଭମାନଙ୍କ ପ୍ରତି ଅଶୁଚି ।
\p
\s5
\v 29 ଆଉ, ଭୂଚର ଉରୋଗାମୀ ଜନ୍ତୁମାନଙ୍କ ମଧ୍ୟରେ ଏହି ସବୁ ତୁମ୍ଭମାନଙ୍କ ପ୍ରତି ଅଶୁଚି ହେବେ; ଖୋଲେଦ (ଗୋଧି) ଓ ମୂଷା; ପୁଣି, ଆପଣା ଆପଣା ଜାତି ଅନୁସାରେ ବଡ଼ ଏଣ୍ଡୁଅ;
\v 30 ଆଉ, ଏଣ୍ଡୁଅ ଓ ସ୍ଥଳ କୁମ୍ଭୀର, ଝିଟିପିଟି, ବାଲିଏଣ୍ଡୁଅ ଓ ବହୁରୂପୀ (ପୋହଳା ଏଣ୍ଡୁଅ) ।
\s5
\v 31 ଉରୋଗାମୀ ଜନ୍ତୁମାନଙ୍କ ମଧ୍ୟରେ ଏହି ସମସ୍ତ ତୁମ୍ଭମାନଙ୍କ ପ୍ରତି ଅଶୁଚି ହେବେ; ସେମାନେ ମଲେ ଯେକେହି ସେମାନଙ୍କୁ ଛୁଇଁବ, ସେ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ ।
\v 32 ସେମାନଙ୍କ ମଧ୍ୟରୁ କୌଣସି ଶବ କୌଣସି ଦ୍ରବ୍ୟ ଉପରେ ପଡ଼ିଲେ, ତାହା ଅଶୁଚି ହେବ; କାଠ ପାତ୍ର, ବସ୍ତ୍ର, ଚର୍ମ କି ଅଖା, ଯେକୌଣସି କର୍ମଯୋଗ୍ୟ ପାତ୍ର ଉପରେ ପଡ଼ିଲେ, ତାହା ଜଳରେ ଡୁବାଯିବ, ଆଉ ତାହା ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ; ତହିଁ ଉତ୍ତାରେ ତାହା ଶୁଚି ହେବ ।
\v 33 ପୁଣି, କୌଣସି ମାଟି ପାତ୍ର ମଧ୍ୟରେ ସେମାନଙ୍କର ଶବ ପଡ଼ିଲେ, ତହିଁ ମଧ୍ୟସ୍ଥିତ ସମସ୍ତ ଦ୍ରବ୍ୟ ଅଶୁଚି ହେବ ଓ ତୁମ୍ଭେମାନେ ତାହା ଭାଙ୍ଗି ପକାଇବ ।
\s5
\v 34 ପୁଣି, ଯେଉଁ ସବୁ ଖାଦ୍ୟଦ୍ରବ୍ୟ ଉପରେ ଜଳ ଥାଏ, ତାହା ଅଶୁଚି ହେବ; ପୁଣି, ସର୍ବପ୍ରକାର ପାତ୍ରରେ ସର୍ବପ୍ରକାର ପେୟଦ୍ରବ୍ୟ ଅଶୁଚି ହେବ;
\v 35 ପୁଣି, ଯେକୌଣସି ଦ୍ରବ୍ୟ ଉପରେ ସେମାନଙ୍କ ଶବର କିଛି ପଡ଼େ, ତାହା ଅଶୁଚି ହେବ; ତନ୍ଦୁର ହେଉ କି ଚୁଲି ହେଉ, ତାହା ଭଙ୍ଗାଯିବ; ତାହା ଅଶୁଚି ଅଟେ ଓ ତାହା ତୁମ୍ଭମାନଙ୍କ ପ୍ରତି ଅଶୁଚି ହେବ ।
\p
\s5
\v 36 ତଥାପି ନିର୍ଝର କିଅବା ଯେଉଁ କୂପରେ ଅନେକ ଜଳ ଥାଏ, ତାହା ଶୁଚି ହେବ; ମାତ୍ର ଯେ ସେମାନଙ୍କର ଶବ ଛୁଇଁବ, ସେ ଅଶୁଚି ହେବ ।
\v 37 ପୁଣି, ଯେଉଁ ବିହନ ବୁଣା ଯିବାକୁ ଅଛି, ତହିଁ ଉପରେ ଯେବେ ସେମାନଙ୍କ ଶବର କିଛି ପଡ଼େ, ତେବେ ତାହା ଶୁଚି ରହିବ ।
\v 38 ମାତ୍ର ବିହନ ଉପରେ ଜଳ ଥିଲେ, ଯେବେ ସେମାନଙ୍କ ଶବର କିଛି ତହିଁ ଉପରେ ପଡ଼େ, ତେବେ ତାହା ତୁମ୍ଭମାନଙ୍କ ପ୍ରତି ଅଶୁଚି ହେବ ।
\p
\s5
\v 39 ଆଉ, ତୁମ୍ଭମାନଙ୍କର ଖାଦ୍ୟ ଯୋଗ୍ୟ କୌଣସି ପଶୁ ମଲେ, ଯେକେହି ତାହାର ଶବ ଛୁଇଁବ, ସେ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ ।
\v 40 ପୁଣି, ଯେକେହି ତାହାର ଶବ ଖାଏ, ସେ ଆପଣା ବସ୍ତ୍ର ଧୋଇବ, ପୁଣି ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ; ଆଉ, ଯେକେହି ତାହା ବହେ, ସେ ଆପଣା ବସ୍ତ୍ର ଧୋଇବ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ ।
\p
\s5
\v 41 ଆଉ, ଭୂଚର ପ୍ରତ୍ୟେକ ଉରୋଗାମୀ ଜନ୍ତୁ ଘୃଣାଯୋଗ୍ୟ ଅଟେ; ତାହା ଖାଦ୍ୟ ହେବ ନାହିଁ ।
\v 42 ଯେଉଁମାନେ ପେଟ ଦେଇ ଗମନ କରନ୍ତି ଓ ଯେଉଁମାନେ ଚାରି ପାଦରେ ଗମନ କରନ୍ତି, ଅବା ଯେଉଁମାନଙ୍କର ଅନେକ ପାଦ ଅଛି, ଏପରି ସମସ୍ତ ଭୂଚର ଉରୋଗାମୀ ଜନ୍ତୁକୁ ତୁମ୍ଭେମାନେ ଖାଇବ ନାହିଁ; କାରଣ ସେମାନେ ଘୃଣାଯୋଗ୍ୟ ।
\s5
\v 43 ତୁମ୍ଭେମାନେ ଏହି ସବୁ ଭୂଚର ଉରୋଗାମୀ ଜନ୍ତୁ ଦ୍ୱାରା ଆପଣାମାନଙ୍କୁ ଘୃଣାଯୋଗ୍ୟ କରିବ ନାହିଁ, କିଅବା ତୁମ୍ଭେମାନେ ଅଶୁଚି ହେବା ନିମନ୍ତେ ସେମାନଙ୍କ ଦ୍ୱାରା ଆପଣାମାନଙ୍କୁ ଅଶୁଚି କରିବ ନାହିଁ ।
\v 44 କାରଣ ମୁଁ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟେ; ଏହେତୁ ତୁମ୍ଭେମାନେ ଆପଣାମାନଙ୍କୁ ପବିତ୍ର କର ଓ ତୁମ୍ଭେମାନେ ପବିତ୍ର ହୁଅ; ଯେହେତୁ ମୁଁ ପବିତ୍ର; ତୁମ୍ଭେମାନେ ଭୂମିରେ ଗମନକାରୀ କୌଣସି ଉରୋଗାମୀ ଜୀବ ଦ୍ୱାରା ଆପଣାମାନଙ୍କୁ ଅଶୁଚି କରିବ ନାହିଁ ।
\v 45 କାରଣ ତୁମ୍ଭମାନଙ୍କର ପରମେଶ୍ୱର ହେବା ନିମନ୍ତେ ମୁଁ ସଦାପ୍ରଭୁ ମିସର ଦେଶରୁ ତୁମ୍ଭମାନଙ୍କୁ ବାହାର କରି ଆଣିଅଛି; ଏନିମନ୍ତେ ତୁମ୍ଭେମାନେ ପବିତ୍ର ହେବ, କାରଣ ମୁଁ ପବିତ୍ର ଅଟେ ।
\s5
\v 46 ଶୁଚି ଓ ଅଶୁଚି ଏବଂ ଖାଦ୍ୟ ଓ ଅଖାଦ୍ୟ ପଶୁମାନଙ୍କ ପ୍ରଭେଦ ଜଣାଇବା ପାଇଁ,
\v 47 ପଶୁ, ପକ୍ଷୀ, ଜଳଚର ପ୍ରାଣୀ ଓ ଉରୋଗାମୀ ଭୂଚର ପ୍ରାଣୀମାନଙ୍କ ବିଷୟରେ ଏହି ବ୍ୟବସ୍ଥା ।"
\s5
\c 12
\s ପ୍ରସୂତିମାନଙ୍କର ଶୁଚିକରଣ
\p
\v 1 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
\v 2 "ତୁମ୍ଭେ ଇସ୍ରାଏଲ ସନ୍ତାନଗଣକୁ କୁହ, ଯେବେ କୌଣସି ସ୍ତ୍ରୀ ଗର୍ଭଧାରଣ କରି ପୁତ୍ର ପ୍ରସବ କରେ, ତେବେ ସେ ଯେପରି ସ୍ତ୍ରୀର ରଜଧର୍ମର ଅଶୁଚିତା ସମୟରେ, ସେପରି ସାତ ଦିନ ପର୍ଯ୍ୟନ୍ତ ଅଶୁଚି ରହିବ ।
\v 3 ତହୁଁ ଅଷ୍ଟମ ଦିନରେ ବାଳକର ପୁରୁଷାଙ୍ଗଚର୍ମର ଛେଦନ ହେବ ।
\s5
\v 4 ପୁଣି ସେହି ସ୍ତ୍ରୀ ତେତିଶ ଦିନ ପର୍ଯ୍ୟନ୍ତ ଆପଣାର ଶୁଚି ନିମନ୍ତେ ରକ୍ତସ୍ରାବ ଅବସ୍ଥାରେ ରହିବ; ଆଉ ଯେପର୍ଯ୍ୟନ୍ତ ଶୁଚିର ଦିନ ପୂର୍ଣ୍ଣ ନ ହୁଏ, ସେପର୍ଯ୍ୟନ୍ତ ସେହି କୌଣସି ପବିତ୍ର ବସ୍ତୁ ଛୁଇଁବ ନାହିଁ; କିଅବା ପବିତ୍ର ସ୍ଥାନରେ ପ୍ରବେଶ କରିବ ନାହିଁ ।
\v 5 ମାତ୍ର ଯଦି ସେ କନ୍ୟା ପ୍ରସବ କରେ, ତେବେ ସେ ଯେପରି ସ୍ତ୍ରୀର ରଜଧର୍ମର ଅଶୁଚି ସମୟରେ, ସେପରି ଦୁଇ ସପ୍ତାହ ଅଶୁଚି ରହିବ; ପୁଣି ସେ ଛଷଠି ଦିନ ଆପଣା ଶୁଚି ନିମନ୍ତେ ରକ୍ତସ୍ରାବ ଅବସ୍ଥାରେ ରହିବ ।
\p
\s5
\v 6 ତହିଁ ଉତ୍ତାରେ ପୁତ୍ର ବା କନ୍ୟା ପ୍ରସବର ଅଶୁଚି ଦିନ ପୂର୍ଣ୍ଣ ହେଲେ, ସେ ହୋମବଳି ନିମନ୍ତେ ଏକବର୍ଷୀୟ ଏକ ମେଷବତ୍ସ ଓ ପାପାର୍ଥକ ବଳି ନିମନ୍ତେ ଏକ ପାରାଛୁଆ ବା ଏକ କପୋତ ସମାଗମ-ତମ୍ବୁର ଦ୍ୱାରର ଯାଜକ ନିକଟକୁ ଆଣିବ ।
\s5
\v 7 ତହୁଁ ସେ ସଦାପ୍ରଭୁଙ୍କ ସମ୍ମୁଖରେ ତାହା ଉତ୍ସର୍ଗ କରି ତାହା ନିମନ୍ତେ ପ୍ରାୟଶ୍ଚିତ୍ତ କରିବ, ତହିଁରେ ସେ ଆପଣା ରକ୍ତସ୍ରାବରୁ ଶୁଚି ହେବ; ପୁତ୍ର ବା କନ୍ୟା ପ୍ରସବକାରିଣୀ ନିମନ୍ତେ ଏହି ବ୍ୟବସ୍ଥା ।
\v 8 ମାତ୍ର ଯଦି ସେ ମେଷବତ୍ସ ଆଣିବାକୁ ଅସମର୍ଥ ହୁଏ, ତେବେ ସେ ଦୁଇ କପୋତ ଅବା ଦୁଇ ପାରାଛୁଆ ନେଇ, ତହିଁରୁ ଗୋଟିଏକୁ ହୋମାର୍ଥକ ବଳି ରୂପେ ଓ ଅନ୍ୟଟିକୁ ପାପାର୍ଥକ ବଳି ରୂପେ ଉତ୍ସର୍ଗ କରିବ; ପୁଣି ଯାଜକ ତାହା ନିମନ୍ତେ ପ୍ରାୟଶ୍ଚିତ୍ତ କରିବ, ତହିଁରେ ସେ ଶୁଚି ହେବ ।"
\s5
\c 13
\s କୁଷ୍ଠ ରୋଗ ସମ୍ବନ୍ଧୀୟ ବିଧି
\p
\v 1 ତା'ପରେ ସଦାପ୍ରଭୁ ମୋଶା ଓ ହାରୋଣଙ୍କୁ କହିଲେ,
\v 2 "ଯଦି କୌଣସି ମନୁଷ୍ୟର ଶରୀରର ଚର୍ମରେ ଫୁଲା କି କାଛୁକୁଣ୍ଡିଆ କି ଚିକ୍କଣ ଚିହ୍ନ ହୁଏ ଓ ତାହା ଶରୀରର ଚର୍ମରେ କୁଷ୍ଠରୋଗର ଘା' ହୁଏ, ତେବେ ସେ ହାରୋଣ ଯାଜକ ନିକଟକୁ କିଅବା ତାହାର ପୁତ୍ରଗଣଙ୍କ ମଧ୍ୟରେ କୌଣସି ଯାଜକ ନିକଟକୁ ଅଣାଯିବ ।
\s5
\v 3 ତହୁଁ ଯାଜକ ତାହା ଶରୀରର ଚର୍ମସ୍ଥିତ ଘା' ଦେଖିବ; ଆଉ ଯଦି ଘା'ର ଲୋମ ଶ୍ଵେତବର୍ଣ୍ଣ ହୋଇଥାଏ, ପୁଣି ଘା' ଯଦି ତାହା ଶରୀରର ଚର୍ମଠାରୁ ନୀଚ ଦେଖାଯାଏ, ତେବେ ତାହା କୁଷ୍ଠରୋଗର ଘା' ଅଟେ; ଆଉ ଯାଜକ ତାହାକୁ ଦେଖିବ ଓ ତାହାକୁ ଅଶୁଚି ବୋଲି ପ୍ରକାଶ କରିବ ।
\p
\v 4 ପୁଣି, ଚିକ୍କଣ ଚିହ୍ନ ଯଦି ତାହା ଶରୀରର ଚର୍ମରେ ଶ୍ଵେତବର୍ଣ୍ଣ ହୋଇଥାଏ ଓ ତାହା ଚର୍ମଠାରୁ ନୀଚ ନ ଥାଏ ଓ ତାହାର ଲୋମ ଶ୍ଵେତବର୍ଣ୍ଣ ହୋଇ ନ ଥାଏ, ତେବେ ଯାହାର ଘା' ହୋଇଅଛି, ଯାଜକ ତାହାକୁ ସାତ ଦିନ ପର୍ଯ୍ୟନ୍ତ ପୃଥକ୍ କରି ରଖିବ ।
\s5
\v 5 ତହୁଁ ସପ୍ତମ ଦିନରେ ଯାଜକ ତାହାକୁ ଦେଖିବ; ପୁଣି, ଯଦି ତାହାର ଦୃଷ୍ଟିରେ ସେହି ଘା' ସେହି ପ୍ରକାର ଥାଏ ଓ ଚର୍ମରେ ବ୍ୟାପି ନ ଥାଏ, ତେବେ ଯାଜକ ତାହାକୁ ଆହୁରି ସାତ ଦିନ ପର୍ଯ୍ୟନ୍ତ ବନ୍ଦ କରି ରଖିବ ।
\v 6 ପୁଣି, ସପ୍ତମ ଦିନରେ ଯାଜକ ତାହାକୁ ପୁନର୍ବାର ଦେଖିବ; ଆଉ, ଯଦି ଘା' ମଳିନ ହୋଇଥାଏ ଓ ଘା' ଚର୍ମରେ ବ୍ୟାପି ନ ଥାଏ, ତେବେ ଯାଜକ ତାହାକୁ ଶୁଚି ବୋଲି ପ୍ରକାଶ କରିବ; ତାହା କାଛୁକୁଣ୍ଡିଆ ଅଟେ; ତହୁଁ ସେ ଆପଣା ବସ୍ତ୍ର ଧୋଇ ଶୁଚି ହେବ ।
\s5
\v 7 ମାତ୍ର ସେ ଶୁଚି ହେବା ନିମନ୍ତେ ଆପଣାକୁ ଯାଜକକୁ ଦେଖାଇଲା ଉତ୍ତାରେ ଯଦି ତାହାର କାଛୁକୁଣ୍ଡିଆ ଚର୍ମରେ ବ୍ୟାପେ, ତେବେ ସେ ଆପଣାକୁ ପୁନର୍ବାର ଯାଜକକୁ ଦେଖାଇବ ।
\v 8 ତହିଁରେ କାଛୁକୁଣ୍ଡିଆ ତାହାର ଚର୍ମରେ ବ୍ୟାପିଲା, ଏପରି ଯଦି ଯାଜକ ଦେଖେ, ତେବେ ସେ ତାହାକୁ ଅଶୁଚି ବୋଲି ପ୍ରକାଶ କରିବ, କାରଣ ତାହା କୁଷ୍ଠରୋଗ ଅଟେ ।
\p
\s5
\v 9 କୌଣସି ମନୁଷ୍ୟଠାରେ କୁଷ୍ଠରୋଗର ଘା' ହେଲେ, ସେ ଯାଜକ ନିକଟକୁ ଅଣାଯିବ;
\v 10 ତହୁଁ ଯାଜକ ତାହାକୁ ଦେଖିବ; ଆଉ, ଯଦି ତାହାର ଚର୍ମରେ ଶ୍ଵେତବର୍ଣ୍ଣ ଫୁଲା ଥାଏ ଓ ତହିଁର ଲୋମ ଶ୍ଵେତବର୍ଣ୍ଣ ହୋଇଥାଏ ଓ ସେହି ଫୁଲାରେ କଞ୍ଚା ମାଂସ ବୃଦ୍ଧି ପାଉଥାଏ,
\v 11 ତେବେ ତାହାର ଶରୀରର ଚର୍ମରେ ତାହା ପୁରାତନ କୁଷ୍ଠରୋଗ ଅଟେ, ପୁଣି ଯାଜକ ତାହାକୁ ଅଶୁଚି ବୋଲି ପ୍ରକାଶ କରିବ; ସେ ତାହାକୁ ରୁଦ୍ଧ କରିବ ନାହିଁ, କାରଣ ସେ ଅଶୁଚି ।
\p
\s5
\v 12 ଆଉ, ଯଦି କୁଷ୍ଠ ରୋଗ ଚର୍ମରେ ଫୁଟି ବାହାରେ ଓ ଯେତେ ଦୂର ଯାଜକକୁ ଦେଖାଯାଏ, ତଦନୁସାରେ ଘା'ଯୁକ୍ତ ଲୋକର ମସ୍ତକ ଠାରୁ ପାଦ ପର୍ଯ୍ୟନ୍ତ ଚର୍ମ କୁଷ୍ଠରୋଗରେ ଆଚ୍ଛନ୍ନ ହୋଇଥାଏ,
\v 13 ତେବେ ଯାଜକ ଦେଖିବ; ପୁଣି, ଯଦି କୁଷ୍ଠରୋଗ ତାହାର ସର୍ବାଙ୍ଗ ଆଚ୍ଛନ୍ନ କରିଥାଏ, ତେବେ ସେ ରୋଗୀକୁ ଶୁଚି ବୋଲି ପ୍ରକାଶ କରିବ; ସର୍ବାଙ୍ଗ ଶ୍ଵେତବର୍ଣ୍ଣ ହୋଇଅଛି; ସେ ଶୁଚି ଅଟେ ।
\p
\v 14 ମାତ୍ର ଯେତେବେଳେ କଞ୍ଚା ମାଂସ ତାହା ଦେହରେ ପ୍ରକାଶ ପାଏ, ସେତେବେଳେ ସେ ଅଶୁଚି ହେବ ।
\s5
\v 15 ଆଉ, ଯାଜକ ସେହି କଞ୍ଚା ମାଂସ ଦେଖି ତାହାକୁ ଅଶୁଚି ବୋଲି ପ୍ରକାଶ କରିବ; ସେହି କଞ୍ଚା ମାଂସ ଅଶୁଚି; ତାହା କୁଷ୍ଠରୋଗ ।
\v 16 ଅଥବା ଯଦି ସେହି କଞ୍ଚା ମାଂସ ପୁନର୍ବାର ପାଲଟି ଶ୍ଵେତବର୍ଣ୍ଣ ହୋଇଯାଏ, ତେବେ ସେ ଯାଜକ ନିକଟକୁ ଯିବ,
\v 17 ଆଉ, ଯାଜକ ତାହାକୁ ଦେଖିବ; ପୁଣି ଦେଖ, ଯଦି ସେହି ଘା' ଶ୍ଵେତବର୍ଣ୍ଣ ହୋଇଥାଏ, ତେବେ ଯାଜକ ସେ ଘା'ଯୁକ୍ତ ଲୋକକୁ ଶୁଚି ବୋଲି ପ୍ରକାଶ କରିବ; ସେ ଶୁଚି ଅଟେ ।
\p
\s5
\v 18 ଆଉ ଶରୀରର ଚର୍ମରେ ବଥ ହୋଇ ଭଲ ହେଲା ଉତ୍ତାରେ,
\v 19 ଯଦି ସେହି ବଥ ସ୍ଥାନରେ ଶ୍ଵେତବର୍ଣ୍ଣ ଫୁଲା ଅବା ରକ୍ତ ଶ୍ଵେତବର୍ଣ୍ଣ ଚିକ୍କଣ ଚିହ୍ନ ହୁଏ, ତେବେ ତାହା ଯାଜକକୁ ଦେଖାଇବ;
\v 20 ତହିଁରେ ଯାଜକ ତାହା ଦେଖିବ, ଆଉ, ଯଦି ତାହା ଚର୍ମର ନୀଚସ୍ଥ ଦେଖାଯାଏ ଓ ତହିଁର ଲୋମ ଶ୍ଵେତବର୍ଣ୍ଣ ହୋଇଥାଏ, ତେବେ ଯାଜକ ତାହାକୁ ଅଶୁଚି ବୋଲି ପ୍ରକାଶ କରିବ; ତାହା ବଥରୁ ଉତ୍ପନ୍ନ କୁଷ୍ଠରୋଗର ଘା' ଅଟେ ।
\s5
\v 21 ମାତ୍ର ଯାଜକ ତାହା ଦେଖନ୍ତେ, ଯଦି, ତହିଁରେ ଶ୍ଵେତବର୍ଣ୍ଣ ଲୋମ ନ ଥାଏ ଓ ତାହା ଚର୍ମର ନୀଚସ୍ଥ ନ ହୋଇ ମଳିନ ହୋଇଥାଏ, ତେବେ ଯାଜକ ତାହାକୁ ସାତ ଦିନ ପର୍ଯ୍ୟନ୍ତ ପୃଥକ୍ କରି ରଖିବ ।
\v 22 ଆଉ, ଯଦି ତାହା ଚର୍ମରେ ବ୍ୟାପେ, ତେବେ ଯାଜକ ତାହାକୁ ଅଶୁଚି ବୋଲି ପ୍ରକାଶ କରିବ; କାରଣ ତାହା କୁଷ୍ଠରୋଗର ଘା' ଅଟେ ।
\v 23 ମାତ୍ର ଯଦି ସେହି ଚିକ୍କଣ ଚିହ୍ନ ସ୍ୱସ୍ଥାନରେ ଥାଇ ନ ବଢ଼େ, ତେବେ ତାହା ବଥର ଚିହ୍ନ ଅଟେ; ପୁଣି ଯାଜକ ତାହାକୁ ଶୁଚି ବୋଲି ପ୍ରକାଶ କରିବ ।
\p
\s5
\v 24 କିଅବା ଯଦି ମାଂସର ଚର୍ମରେ ଅଗ୍ନିଦାହ ହୁଏ ଓ ସେହି ଦାହର ବଢ଼ିଲା ମାଂସରେ ରକ୍ତ ଶ୍ଵେତବର୍ଣ୍ଣ ଅବା ଶ୍ଵେତବର୍ଣ୍ଣ ଚିକ୍କଣ ଚିହ୍ନ ହୁଏ;
\v 25 ତେବେ ଯାଜକ ତାହା ଦେଖିବ; ଆଉ, ଯଦି ଚିକ୍କଣ ଚିହ୍ନରେ ଥିବା ଲୋମ ଶ୍ଵେତବର୍ଣ୍ଣ ହୁଏ ଓ ଚର୍ମର ନୀଚସ୍ଥ ଦେଖାଯାଏ, ତେବେ ତାହା କୁଷ୍ଠ ରୋଗ, ତାହା ଅଗ୍ନିଦାହରୁ ଉତ୍ପନ୍ନ ହୋଇଅଛି; ପୁଣି ଯାଜକ ତାହାକୁ ଅଶୁଚି ବୋଲି ପ୍ରକାଶ କରିବ; ତାହା କୁଷ୍ଠରୋଗର ଘା' ଅଟେ ।
\s5
\v 26 ମାତ୍ର ଯାଜକ ତାହା ଦେଖନ୍ତେ, ଯଦି ସେହି ଚିକ୍କଣ ଚିହ୍ନରେ ଶ୍ଵେତବର୍ଣ୍ଣ ଲୋମ ନ ଥାଏ ଓ ତାହା ଚର୍ମର ନୀଚସ୍ଥ ନ ହୋଇ ମଳିନ ହୋଇଥାଏ, ତେବେ ଯାଜକ ତାହାକୁ ସାତ ଦିନ ପର୍ଯ୍ୟନ୍ତ ପୃଥକ୍ କରି ରଖିବ ।
\v 27 ତହୁଁ ସପ୍ତମ ଦିନରେ ଯାଜକ ତାହାକୁ ଦେଖିବ; ଯଦି ତାହା ଚର୍ମରେ ବ୍ୟାପିଥାଏ, ତେବେ ଯାଜକ ତାହାକୁ ଅଶୁଚି ବୋଲି ପ୍ରକାଶ କରିବ; ତାହା କୁଷ୍ଠରୋଗର ଘା' ଅଟେ ।
\v 28 ଆଉ, ଯଦି ଚିକ୍କଣ ଚିହ୍ନ ସ୍ୱସ୍ଥାନରେ ଥାଏ ଓ ଚର୍ମରେ ବୃଦ୍ଧି ନ ପାଇ ମଳିନ ହୋଇଥାଏ; ତେବେ ତାହା ଦାହର ଫୁଲା, ଆଉ ଯାଜକ ତାହାକୁ ଶୁଚି ବୋଲି ପ୍ରକାଶ କରିବ; ଯେହେତୁ ତାହା ଅଗ୍ନିକୃତ କ୍ଷତର ଚିହ୍ନ ।
\p
\s5
\v 29 ଆଉ, ପୁରୁଷ ଅବା ସ୍ତ୍ରୀର ମସ୍ତକରେ ଅବା ଦାଢ଼ିରେ ଘା' ହେଲେ ଯାଜକ ସେହି ଘା' ଦେଖିବ;
\v 30 ଆଉ ଦେଖ, ଯଦି ତାହା ଚର୍ମର ନୀଚସ୍ଥ ଦେଖାଯାଏ ଓ ତହିଁରେ ହଳଦି ବର୍ଣ୍ଣ ସରୁ ଲୋମ ଥାଏ, ତେବେ ଯାଜକ ତାହାକୁ ଅଶୁଚି ବୋଲି ପ୍ରକାଶ କରିବ; ତାହା ଛଉ ଅଟେ, ତାହା ମସ୍ତକ ଅବା ଦାଢ଼ିର କୁଷ୍ଠରୋଗ ଅଟେ ।
\s5
\v 31 ଆଉ, ଯାଜକ ଛଉର ଘା' ଦେଖନ୍ତେ, ଯଦି ତାହା ଚର୍ମର ନୀଚସ୍ଥ ନ ଥାଏ ଓ ତହିଁରେ କୃଷ୍ଣବର୍ଣ୍ଣ ଲୋମ ନ ଥାଏ, ତେବେ ଯାଜକ ସେହି ଛଉ ଘା'ଯୁକ୍ତ ଲୋକକୁ ସାତ ଦିନ ପର୍ଯ୍ୟନ୍ତ ପୃଥକ୍ କରି ରଖିବ ।
\s5
\v 32 ତହୁଁ ସପ୍ତମ ଦିନରେ ଯାଜକ ତାହା ଦେଖିବ; ପୁଣି, ଯଦି ସେହି ଛଉ ବଢ଼ି ନ ଥାଏ ଓ ତହିଁରେ ହଳଦି ବର୍ଣ୍ଣ ଲୋମ ହୋଇ ନ ଥାଏ; ଆଉ, ତାହା ଚର୍ମର ନୀଚସ୍ଥ ଦେଖା ନ ଯାଏ,
\v 33 ତେବେ ସେ ଲଣ୍ଡା ହେବ, ମାତ୍ର ଛଉ ସ୍ଥାନ ଲଣ୍ଡା କରିବ ନାହିଁ; ପୁଣି ଯାଜକ ସେହି ଛଉଯୁକ୍ତ ଲୋକକୁ ଆଉ ସାତ ଦିନ ପର୍ଯ୍ୟନ୍ତ ପୃଥକ୍ କରି ରଖିବ ।
\s5
\v 34 ପୁଣି, ସପ୍ତମ ଦିନରେ ଯାଜକ ସେହି ଛଉ ଦେଖିବ; ଆଉ, ଯଦି ସେହି ଛଉ ଚର୍ମରେ ବଢ଼ି ନ ଥାଏ ଓ ତାହା ଚର୍ମର ନୀଚସ୍ଥ ଦେଖା ନ ଯାଏ, ତେବେ ଯାଜକ ତାହାକୁ ଶୁଚି ବୋଲି ପ୍ରକାଶ କରିବ; ପୁଣି ସେ ଆପଣା ବସ୍ତ୍ର ଧୋଇ ଶୁଚି ହେବ ।
\s5
\v 35 ମାତ୍ର ତାହାର ଶୁଚି ହେଲା ଉତ୍ତାରେ ଯଦି ଚର୍ମରେ ସେହି ଛଉ ବ୍ୟାପିଯାଏ,
\v 36 ତେବେ ଯାଜକ ତାହାକୁ ଦେଖିବ; ପୁଣି, ଯଦି ଛଉ ଚର୍ମରେ ବୃଦ୍ଧି ପାଇଥାଏ, ତେବେ ଯାଜକ ହଳଦି ବର୍ଣ୍ଣ ଲୋମର ଅନ୍ୱେଷଣ କରିବ ନାହିଁ; କାରଣ ସେ ଅଶୁଚି ଅଟେ ।
\v 37 ମାତ୍ର ତାହାର ଦୃଷ୍ଟିରେ ଯଦି ସେହି ଛଉ ବଢ଼ି ନ ଥାଏ ଓ ତହିଁରେ କୃଷ୍ଣବର୍ଣ୍ଣ ଲୋମ ଉଠିଥାଏ, ତେବେ ସେହି ଛଉର ଆରୋଗ୍ୟ ହୋଇଅଛି; ସେ ଶୁଚି ହୋଇଅଛି; ଆଉ, ଯାଜକ ତାହାକୁ ଶୁଚି ବୋଲି ପ୍ରକାଶ କରିବ ।
\p
\s5
\v 38 ପୁଣି, ଯଦି କୌଣସି ପୁରୁଷ କି ସ୍ତ୍ରୀର ଶରୀରର ଚର୍ମରେ ଚିକ୍କଣ ଚିହ୍ନଗୁଡ଼ିକ, ଅର୍ଥାତ୍‍, ଶ୍ଵେତବର୍ଣ୍ଣ ଚିକ୍କଣ ଚିହ୍ନଗୁଡ଼ିକ ହୁଏ;
\v 39 ତେବେ ଯାଜକ ତାହା ଦେଖିବ; ପୁଣି ପ୍ରକୃତରେ, ଯଦି ସେମାନଙ୍କ ଶରୀରର ଚର୍ମରେ ସେହି ଚିକ୍କଣ ଚିହ୍ନ ଅଳ୍ପ ମଳିନ ଶ୍ଵେତବର୍ଣ୍ଣ ହୁଏ, ତେବେ ତାହା ଚର୍ମରୁ ଉତ୍ପନ୍ନ ଜାଦୁରୋଗ; ସେ ଲୋକ ଶୁଚି ଅଟେ ।
\p
\s5
\v 40 ଆଉ, ଯଦି କୌଣସି ମନୁଷ୍ୟର ମସ୍ତକରୁ କେଶ ଉପୁଡ଼ିଯାଏ, ତେବେ ସେ ଚନ୍ଦା; ତଥାପି ସେ ଶୁଚି ଅଟେ ।
\v 41 ଆଉ, ଯଦି ତାହାର କେଶ ମସ୍ତକର ସମ୍ମୁଖ ଭାଗରୁ ଉପୁଡ଼ିଯାଏ, ତେବେ ସେ ଚନ୍ଦା କପାଳ; ତଥାପି ସେ ଶୁଚି ଅଟେ ।
\s5
\v 42 ମାତ୍ର ଯଦି ଚନ୍ଦା ମସ୍ତକରେ କି ଚନ୍ଦା କପାଳରେ ରକ୍ତ ଶ୍ଵେତବର୍ଣ୍ଣ ଘା' ହୁଏ; ତେବେ ତାହା ତାହାର ଚନ୍ଦା ମସ୍ତକରେ କି ଚନ୍ଦା କପାଳରେ ଉତ୍ପନ୍ନ କୁଷ୍ଠରୋଗ ଅଟେ ।
\v 43 ତହୁଁ ଯାଜକ ତାହା ଦେଖିବ; ପୁଣି, ଯଦି ଶରୀରର ଚର୍ମସ୍ଥିତ କୁଷ୍ଠରୋଗ ପରି ଚନ୍ଦା ମସ୍ତକ କି ଚନ୍ଦା କପାଳରେ ରକ୍ତ ଶ୍ଵେତବର୍ଣ୍ଣ ଘା'ର ଫୁଲା ଦେଖାଯାଏ;
\v 44 ତେବେ ସେ କୁଷ୍ଠୀ, ସେ ଅଶୁଚି ଅଟେ; ଯାଜକ ତାହାକୁ ଅବଶ୍ୟ ଅଶୁଚି ବୋଲି ପ୍ରକାଶ କରିବ; ତାହାର ମସ୍ତକରେ ଘା' ହୋଇଅଛି ।
\p
\s5
\v 45 ଆଉ, ଯେଉଁ କୁଷ୍ଠୀର ଘା' ହୋଇଅଛି, ତାହାର ବସ୍ତ୍ର ଚିରାଯିବ ଓ ତାହାର ମସ୍ତକର କେଶ ମୁକୁଳା ରହିବ ଓ ସେ ଆପଣାର ଉପର ଓଷ୍ଠ ବସ୍ତ୍ରରେ ଢାଙ୍କିବ, ପୁଣି 'ଅଶୁଚି ଅଶୁଚି' ବୋଲି ଡାକ ପକାଇବ ।
\v 46 ତାହାଠାରେ ଯେତେ ଦିନ ଘା' ଥିବ, ସେତେ ଦିନ ସେ ଅଶୁଚି ରହିବ; କାରଣ ସେ ଅଶୁଚି ଅଟେ; ସେ ଏକାକୀ ବାସ କରିବ; ଛାଉଣିର ବାହାରେ ତାହାର ବାସସ୍ଥାନ ହେବ ।
\s ବସ୍ତ୍ର କିମ୍ବା ଚର୍ମ ନିର୍ମିତ ଦ୍ରବ୍ୟର କୁଷ୍ଠ ରୋଗ
\p
\s5
\v 47 ମଧ୍ୟ ଯେଉଁ ବସ୍ତ୍ରରେ କୁଷ୍ଠରୋଗର ଦାଗ ହୁଏ, ତାହା ଲୋମ ବସ୍ତ୍ର ହେଉ କି ମସିନା(ସୂତା) ବସ୍ତ୍ର ହେଉ,
\v 48 ଅବା ତାହା ଲୋମ କି ମସିନା(ସୂତା)ର ଟାଣୀରେ କି ପଡୀୟାଣରେ ହେଉ; କିଅବା ଚର୍ମରେ କି ଚର୍ମ ନିର୍ମିତ କୌଣସି ଦ୍ରବ୍ୟରେ ହେଉ;
\v 49 ଯଦି ସେହି ଦାଗ ବସ୍ତ୍ରରେ କି ଚର୍ମରେ, ଟାଣୀରେ କି ପଡୀୟାଣରେ କିମ୍ବା ଚର୍ମ ନିର୍ମିତ କୌଣସି ଦ୍ରବ୍ୟରେ ଶାଗୁଆ ବର୍ଣ୍ଣ କି ରକ୍ତ ବର୍ଣ୍ଣ ହୁଏ, ତେବେ ତାହା କୁଷ୍ଠରୋଗର ଦାଗ; ପୁଣି, ତାହା ଯାଜକକୁ ଦେଖାଇ ଦିଆଯିବ ।
\s5
\v 50 ତହିଁରେ ଯାଜକ ସେହି ଦାଗ ଦେଖିବ, ପୁଣି ଯେଉଁଥିରେ ସେହି ଦାଗ ଥାଏ, ତାହା ସାତ ଦିନ ବନ୍ଦ କରି ରଖିବ ।
\v 51 ତହୁଁ ସେ ସପ୍ତମ ଦିନରେ ସେହି ଦାଗ ଦେଖିବ; ଯଦି ବସ୍ତ୍ରରେ କି ଟାଣୀରେ କି ପଡୀୟାଣରେ କିଅବା ଚର୍ମରେ, ଯେକୌଣସି ଚର୍ମ ନିର୍ମିତ ବସ୍ତୁରେ ଯଦି ସେହି ଦାଗ ବଢ଼ିଥାଏ, ତେବେ ତାହା କ୍ଷୟ କୁଷ୍ଠରୋଗ; ତାହା ଅଶୁଚି ଅଟେ ।
\v 52 ଏଣୁ ବସ୍ତ୍ରରେ ଅବା ଲୋମ ନିର୍ମିତ କି ମସିନା ନିର୍ମିତ ଟାଣୀରେ କି ପଡୀୟାଣରେ କି ଚର୍ମ ନିର୍ମିତ କୌଣସି ଦ୍ରବ୍ୟରେ ସେହି ଦାଗ ଥାଏ, ତାହା ସେ ଦଗ୍ଧ କରିବ; କାରଣ ତାହା କ୍ଷୟ କୁଷ୍ଠରୋଗ; ତାହା ଅଗ୍ନିରେ ଦଗ୍ଧ ହେବ ।
\p
\s5
\v 53 ମାତ୍ର ଯାଜକ ତାହା ଦେଖନ୍ତେ, ଯଦି, ସେହି ଦାଗ ବସ୍ତ୍ରରେ କି ଟାଣୀରେ କି ପଡୀୟାଣରେ କିଅବା ଚର୍ମ ନିର୍ମିତ କୌଣସି ଦ୍ରବ୍ୟରେ ବଢ଼ି ନ ଥାଏ;
\v 54 ତେବେ ଯାଜକ ସେହି ଦାଗଯୁକ୍ତ ଦ୍ରବ୍ୟ ଧୋଇବାକୁ ଆଜ୍ଞା ଦେବ, ପୁଣି ସେ ଆଉ ସାତ ଦିନ ପର୍ଯ୍ୟନ୍ତ ତାହା ପୃଥକ୍ କରି ରଖିବ;
\v 55 ଆଉ ସେହି ଦାଗ ଧୁଆଗଲା ଉତ୍ତାରେ ଯାଜକ ତାହା ଦେଖିବ; ପୁଣି, ଯଦି ସେହି ଦାଗର ବର୍ଣ୍ଣ ବଦଳି ନ ଥାଏ ଓ ସେହି ଦାଗ ବଢ଼ି ନ ଥାଏ, ତେବେ ତାହା ଅଶୁଚି ଅଟେ; ତୁମ୍ଭେ ତାହା ଅଗ୍ନିରେ ଦଗ୍ଧ କରିବ; କାରଣ ସେହି ଦାଗ ଭିତରେ ଥାଉ କି ବାହାରେ ଥାଉ, ତାହା କ୍ଷୟକାରକ ।
\s5
\v 56 ମାତ୍ର ଧୁଆଗଲା ଉତ୍ତାରେ ଯାଜକ ଦେଖନ୍ତେ, ଯଦି, ସେହି ଦାଗ ମଳିନ ହୋଇଥାଏ, ତେବେ ସେ ସେହି ବସ୍ତ୍ରରୁ କି ଚର୍ମରୁ କିଅବା ଟାଣୀରୁ କି ପଡୀୟାଣରୁ ତାହା ଚିରି ପକାଇବ ।
\v 57 ତଥାପି ଯଦି ସେହି ବସ୍ତ୍ରରେ କି ଟାଣୀରେ କି ପଡୀୟାଣରେ କିଅବା ଚର୍ମ ନିର୍ମିତ କୌଣସି ଦ୍ରବ୍ୟରେ ତାହା ଦେଖାଯାଏ, ତେବେ ତାହା ବଢ଼ୁଅଛି; ଯହିଁରେ ସେହି ଦାଗ ଥାଏ, ତାହା ତୁମ୍ଭେ ଅଗ୍ନିରେ ପୋଡ଼ି ପକାଇବ ।
\v 58 ପୁଣି ଯେଉଁ ବସ୍ତ୍ର କି ଟାଣୀ କି ପଡୀୟାଣ କି ଚର୍ମ ନିର୍ମିତ କୌଣସି ଦ୍ରବ୍ୟ ଧୌତ କରିବ, ତହିଁରୁ ଯଦି ସେହି ଦାଗ ଯାଏ, ତେବେ ଦ୍ୱିତୀୟ ଥର ତାହା ଧୁଆଯିବ; ତହିଁରେ ତାହା ଶୁଚି ହେବ ।
\s5
\v 59 ଲୋମ କି ମସିନା ନିର୍ମିତ ବସ୍ତ୍ରର କିଅବା ଟାଣୀର କି ପଡୀୟାଣର କିଅବା ଚର୍ମ ନିର୍ମିତ କୌଣସି ଦ୍ରବ୍ୟର କୁଷ୍ଠରୋଗର ଦାଗ ବିଷୟରେ ଶୁଚି ବୋଲି ପ୍ରକାଶ କରିବା ବା ଅଶୁଚି ବୋଲି ପ୍ରକାଶ କରିବାର ବ୍ୟବସ୍ଥା ଏହି ।"
\s5
\c 14
\s କୁଷ୍ଠ ରୋଗୀର ଶୁଚିକରଣ ବିଧି
\p
\v 1 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
\v 2 "କୁଷ୍ଠ ରୋଗୀର ଶୁଚି ହେବା ଦିନରେ ତାହାର ଏହି ବ୍ୟବସ୍ଥା; ସେ ଯାଜକ ନିକଟକୁ ଅଣାଯିବ;
\s5
\v 3 ତହୁଁ ଯାଜକ ଛାଉଣିର ବାହାରକୁ ଯିବ; ପୁଣି ଯାଜକ ଦେଖିବ, ଆଉ, ଯଦି କୁଷ୍ଠୀର କୁଷ୍ଠରୋଗର ଘା' ସୁସ୍ଥ ହୋଇଥାଏ,
\v 4 ତେବେ ଯେଉଁ ଲୋକ ଶୁଚି ହେବାକୁ ଅଛି, ଯାଜକ ସେହି ଲୋକ ନିମନ୍ତେ ଦୁଇ ଜୀଅନ୍ତା ଶୁଚି ପକ୍ଷୀ, ଏରସ କାଠ, ସିନ୍ଦୂର ବର୍ଣ୍ଣ (ଲୋମ) ଓ ଏସୋବ ନେବା ପାଇଁ ଆଜ୍ଞା ଦେବ ।
\v 5 ପୁଣି ଯାଜକ ମୃତ୍ତିକା ପାତ୍ରସ୍ଥିତ ସ୍ରୋତଜଳ ଉପରେ ଏକ ପକ୍ଷୀକୁ ବଧ କରିବାକୁ ଆଜ୍ଞା ଦେବ ।
\s5
\v 6 ତହିଁ ଉତ୍ତାରେ ସେ ସେହି ଜୀଅନ୍ତା ପକ୍ଷୀକୁ, ଏରସ କାଠ, ସିନ୍ଦୂର ବର୍ଣ୍ଣ (ଲୋମ) ଓ ଏସୋବ ନେଇ ସେହି ସ୍ରୋତଜଳ ଉପରେ ହତ ପକ୍ଷୀର ରକ୍ତରେ ଜୀଅନ୍ତା ପକ୍ଷୀକୁ ଓ ସେହି ସବୁ ଡୁବାଇବ;
\v 7 ପୁଣି ସେ କୁଷ୍ଠରୋଗରୁ ଶୁଚିଯୋଗ୍ୟ ଲୋକ ଉପରେ ସାତ ଥର ତାହା ଛିଞ୍ଚି; ସେ ଶୁଚି ବୋଲି ପ୍ରକାଶ କରିବ, ଆଉ ସେହି ଜୀଅନ୍ତା ପକ୍ଷୀକୁ କ୍ଷେତ୍ର ଆଡ଼େ ଛାଡ଼ିଦେବ ।
\p
\s5
\v 8 ତହୁଁ ସେହି ଶୁଚିଯୋଗ୍ୟ ଲୋକ ଆପଣା ବସ୍ତ୍ର ଧୋଇ ଓ ସମସ୍ତ କେଶ କ୍ଷୌର କରି ଜଳରେ ସ୍ନାନ କରିବ, ତହିଁରେ ସେ ଶୁଚି ହେବ; ତହିଁ ଉତ୍ତାରୁ ସେ ଛାଉଣି ଭିତରକୁ ଆସିବ, ମାତ୍ର ସେ ସାତ ଦିନ ଆପଣା ତମ୍ବୁର ବାହାରେ ରହିବ ।
\v 9 ଆଉ, ସପ୍ତମ ଦିନରେ ସେ ଆପଣାର ସମସ୍ତ କେଶ, ଅର୍ଥାତ୍‍, ମସ୍ତକ, ଦାଢ଼ି ଓ ଭ୍ରୂଲତାର ସମସ୍ତ କେଶ କ୍ଷୌର କରିବ, ପୁଣି ଆପଣା ବସ୍ତ୍ର ଧୋଇ ଆପେ ଜଳରେ ସ୍ନାନ କରି ଶୁଚି ହେବ ।
\s5
\v 10 ପୁଣି, ଅଷ୍ଟମ ଦିନରେ ଦୁଇ ନିଖୁନ୍ତ ମେଷବତ୍ସ, ଏକବର୍ଷୀୟା ଏକ ନିଖୁନ୍ତ ମେଷବତ୍ସା ଓ ଭକ୍ଷ୍ୟ ନୈବେଦ୍ୟ ନିମନ୍ତେ ଏକ ଐଫାର ତିନି ଦଶମାଂଶ ତୈଳ ମିଶ୍ରିତ ସରୁ ମଇଦା ଓ ଏକ ଲୋଗ୍‍ ତୈଳ ନେବ ।
\v 11 ତହୁଁ ଶୁଚିକାରୀ ଯାଜକ ସେହି ଶୁଚିଯୋଗ୍ୟ ଲୋକକୁ ଓ ସେହି ସବୁ ଦ୍ରବ୍ୟ ନେଇ ସମାଗମ-ତମ୍ବୁର ଦ୍ୱାର ନିକଟରେ ସଦାପ୍ରଭୁଙ୍କ ସମ୍ମୁଖରେ ସ୍ଥାପନ କରିବ;
\s5
\v 12 ପୁଣି ଯାଜକ ସେହି ଦୁଇ ମେଷବତ୍ସ ମଧ୍ୟରୁ ଗୋଟିଏ ଓ ସେହି ଏକ ଲୋଗ୍‍ ତୈଳ ନେଇ ଦୋଷାର୍ଥକ ବଳି ରୂପେ ଉତ୍ସର୍ଗ କରିବ, ଆଉ ଦୋଳନୀୟ ନୈବେଦ୍ୟ ନିମନ୍ତେ ସଦାପ୍ରଭୁଙ୍କ ସମ୍ମୁଖରେ ଦୋଳାଇବ ।
\p
\v 13 ଆଉ, ଯେଉଁ ସ୍ଥାନରେ ପାପାର୍ଥକ ଓ ହୋମାର୍ଥକ ବଳି ବଧ କରାଯାଏ, ସେହି ପବିତ୍ର ସ୍ଥାନରେ ସେହି ମେଷବତ୍ସ ବଧ କରିବ; କାରଣ ଯେପରି ପାପାର୍ଥକ ବଳି, ସେପରି ଦୋଷାର୍ଥକ ବଳି ଯାଜକର ଅଟଇ; ତାହା ମହାପବିତ୍ର ଅଟେ ।
\s5
\v 14 ଏଥିଉତ୍ତାରେ ଯାଜକ ସେହି ଦୋଷାର୍ଥକ ବଳିର କିଛି ରକ୍ତ ନେବ; ପୁଣି, ଯାଜକ ସେହି ଶୁଚିଯୋଗ୍ୟ ଲୋକର ଡାହାଣ କର୍ଣ୍ଣପ୍ରାନ୍ତରେ, ଡାହାଣ ହସ୍ତର ବୃଦ୍ଧାଙ୍ଗୁଳିରେ ଓ ଡାହାଣ ପାଦର ବୃଦ୍ଧାଙ୍ଗୁଳିରେ ତାହା ଲଗାଇବ;
\v 15 ଆଉ, ଯାଜକ ସେହି ଏକ ଲୋଗ୍‍ ତୈଳରୁ କିଛି ନେଇ ଆପଣା ବାମ ହସ୍ତର ପାପୁଲିରେ ଢାଳିବ;
\v 16 ତହୁଁ ଯାଜକ ସେହି ବାମ ହସ୍ତର ପାପୁଲିସ୍ଥିତ ତୈଳରେ ଆପଣା ଡାହାଣ ଅଙ୍ଗୁଳି ଡୁବାଇ ଅଙ୍ଗୁଳି ଦ୍ୱାରା ସେହି ତୈଳରୁ କିଛି ନେଇ ସଦାପ୍ରଭୁଙ୍କ ସମ୍ମୁଖରେ ସାତ ଥର ଛିଞ୍ଚିବ;
\s5
\v 17 ପୁଣି, ଯାଜକ ଆପଣା ହସ୍ତସ୍ଥିତ ଅବଶିଷ୍ଟ ତୈଳ ନେଇ ସେହି ଶୁଚିଯୋଗ୍ୟ ଲୋକର ଡାହାଣ କର୍ଣ୍ଣପ୍ରାନ୍ତରେ, ଡାହାଣ ହସ୍ତର ବୃଦ୍ଧାଙ୍ଗୁଳିରେ ଓ ଡାହାଣ ପାଦର ବୃଦ୍ଧାଙ୍ଗୁଳିରେ ଲାଗିଥିବା ଦୋଷାର୍ଥକ ବଳିର ରକ୍ତ ଉପରେ ଲଗାଇବ;
\v 18 ଏଥିଉତ୍ତାରେ ଯାଜକ ଆପଣା ହସ୍ତସ୍ଥିତ ଅବଶିଷ୍ଟ ତୈଳ ସେହି ଶୁଚିଯୋଗ୍ୟ ଲୋକର ମସ୍ତକରେ ଲଗାଇବ; ପୁଣି ଯାଜକ ସଦାପ୍ରଭୁଙ୍କ ସମ୍ମୁଖରେ ତାହା ପାଇଁ ପ୍ରାୟଶ୍ଚିତ୍ତ କରିବ ।
\s5
\v 19 ଆଉ ଯାଜକ ପାପାର୍ଥକ ବଳି ଉତ୍ସର୍ଗ କରିବ ଓ ସେହି ଶୁଚିଯୋଗ୍ୟ ଲୋକର ଅଶୁଚିତା ହେତୁ ପ୍ରାୟଶ୍ଚିତ୍ତ କରିବ; ଏଥିଉତ୍ତାରେ ସେ ହୋମାର୍ଥକ ବଳି ବଧ କରିବ ।
\v 20 ଆଉ, ଯାଜକ ହୋମ ବଳି ଓ ଭକ୍ଷ୍ୟ ନୈବେଦ୍ୟ ଆଣି ବେଦିରେ ଉତ୍ସର୍ଗ କରିବ, ତହୁଁ ଯାଜକ ତାହା ନିମନ୍ତେ ପ୍ରାୟଶ୍ଚିତ୍ତ କଲେ ସେ ଶୁଚି ହେବ ।
\p
\s5
\v 21 ଆଉ, ଯଦି ସେ ଦରିଦ୍ର ଓ ସେହି ସମସ୍ତ ବଳିଦାନ ଆଣି ନ ପାରେ, ତେବେ ସେ ଆପଣା ନିମନ୍ତେ ପ୍ରାୟଶ୍ଚିତ୍ତ କରିବାକୁ ଦୋଳନୀୟ ନୈବେଦ୍ୟ ରୂପେ ଦୋଷାର୍ଥକ ବଳି ପାଇଁ ଗୋଟିଏ ମେଷବତ୍ସ ଓ ଭକ୍ଷ୍ୟ ନୈବେଦ୍ୟ ରୂପେ ଏକ ଐଫାର ଦଶମାଂଶ ତୈଳ ମିଶ୍ରିତ ସରୁ ମଇଦା ଓ ଏକ ଲୋଗ୍‍ ତୈଳ;
\v 22 ପୁଣି, ତାହାର ପ୍ରାପ୍ତିର ସାଧ୍ୟାନୁସାରେ ଦୁଇ କପୋତ ଅବା ଦୁଇ ପାରାଛୁଆ ଆଣିବ; ଆଉ, ଏଥିରୁ ଗୋଟିଏ ପାପାର୍ଥକ ବଳି ଓ ଅନ୍ୟଟି ହୋମବଳି ହେବ ।
\v 23 ଆଉ, ଅଷ୍ଟମ ଦିନରେ ସେ ଆପଣାର ଶୁଚିକାର୍ଯ୍ୟ ନିମନ୍ତେ ସମାଗମ-ତମ୍ବୁର ଦ୍ୱାର ନିକଟରେ ସଦାପ୍ରଭୁଙ୍କ ସମ୍ମୁଖରେ ଯାଜକ ନିକଟକୁ ସେମାନଙ୍କୁ ଆଣିବ ।
\s5
\v 24 ତହୁଁ ଯାଜକ ଦୋଷାର୍ଥକ ବଳିର ମେଷବତ୍ସ ଓ ସେହି ଏକ ଲୋଗ୍‍ ତୈଳ ନେବ; ପୁଣି, ଯାଜକ ସଦାପ୍ରଭୁଙ୍କ ସମ୍ମୁଖରେ ଦୋଳନୀୟ ନୈବେଦ୍ୟାର୍ଥେ ତାହା ଦୋଳାଇବ ।
\p
\v 25 ପୁଣି, ସେ ସେହି ଦୋଷାର୍ଥକ ବଳିର ମେଷବତ୍ସ ବଧ କରିବ; ଆଉ ଯାଜକ ସେହି ଦୋଷାର୍ଥକ ବଳିର କିଛି ରକ୍ତ ନେଇ ଶୁଚିଯୋଗ୍ୟ ଲୋକର ଡାହାଣ କର୍ଣ୍ଣପ୍ରାନ୍ତରେ, ଡାହାଣ ହସ୍ତର ବୃଦ୍ଧାଙ୍ଗୁଳିରେ ଓ ଡାହାଣ ପାଦର ବୃଦ୍ଧାଙ୍ଗୁଳିରେ ଲଗାଇବ;
\s5
\v 26 ତହିଁ ଉତ୍ତାରେ ଯାଜକ ସେହି ତୈଳରୁ କିଛି ନେଇ ଆପଣା ବାମ ହସ୍ତ ପାପୁଲିରେ ଢାଳିବ;
\v 27 ଆଉ, ଯାଜକ ଆପଣା ଡାହାଣ ଅଙ୍ଗୁଳି ଦ୍ୱାରା ସେହି ବାମ ହସ୍ତସ୍ଥିତ ତୈଳରୁ କିଛି କିଛି ନେଇ ସଦାପ୍ରଭୁଙ୍କ ଛାମୁରେ ସାତ ଥର ଛିଞ୍ଚିବ;
\s5
\v 28 ତହୁଁ ଯାଜକ ଆପଣା ହସ୍ତସ୍ଥିତ ତୈଳ ନେଇ ସେହି ଶୁଚିଯୋଗ୍ୟ ଲୋକର ଡାହାଣ କର୍ଣ୍ଣପ୍ରାନ୍ତରେ, ତାହାର ଡାହାଣ ହସ୍ତର ବୃଦ୍ଧାଙ୍ଗୁଳିରେ ଓ ଡାହାଣ ପାଦର ବୃଦ୍ଧାଙ୍ଗୁଳିରେ ଲାଗିଥିବା ଦୋଷାର୍ଥକ ବଳିର ରକ୍ତ ସ୍ଥାନରେ ଲଗାଇବ ।
\v 29 ପୁଣି ଯାଜକ ଶୁଚିଯୋଗ୍ୟ ଲୋକ ନିମନ୍ତେ ସଦାପ୍ରଭୁଙ୍କ ଛାମୁରେ ପ୍ରାୟଶ୍ଚିତ୍ତ କରିବା ପାଇଁ ଆପଣା ହସ୍ତସ୍ଥିତ ଅବଶିଷ୍ଟ ତୈଳ ତାହାର ମସ୍ତକରେ ଲଗାଇବ ।
\s5
\v 30 ପୁଣି, ସେ ତାହାର ପ୍ରାପ୍ତିର ସାଧ୍ୟାନୁସାରେ ସେହି ଦୁଇ କପୋତ ଅବା ଦୁଇ ପାରାଛୁଆ ମଧ୍ୟରୁ ଗୋଟିଏ ଉତ୍ସର୍ଗ କରିବ;
\v 31 ଅର୍ଥାତ୍‍, ତାହାର ପ୍ରାପ୍ତିର ସାଧ୍ୟାନୁସାରେ ଭକ୍ଷ୍ୟ ନୈବେଦ୍ୟ ସହିତ ଗୋଟିଏକୁ ପାପାର୍ଥକ ବଳି ରୂପେ ଓ ଅନ୍ୟଟିକୁ ହୋମ ବଳି ରୂପେ ଉତ୍ସର୍ଗ କରିବ; ପୁଣି, ଯାଜକ ଶୁଚିଯୋଗ୍ୟ ଲୋକ ନିମନ୍ତେ ସଦାପ୍ରଭୁଙ୍କ ସମ୍ମୁଖରେ ପ୍ରାୟଶ୍ଚିତ୍ତ କରିବ ।
\v 32 ଯେଉଁ କୁଷ୍ଠରୋଗର ଘା'ଯୁକ୍ତ ଲୋକ ଆପଣାର ଶୁଚିକାର୍ଯ୍ୟ ସମ୍ବନ୍ଧୀୟ ଦ୍ରବ୍ୟ ପାଇବାକୁ ଅସମର୍ଥ, ତାହା ପାଇଁ ଏହି ବ୍ୟବସ୍ଥା ।"
\s ଗୃହ ଶୁଚିକରଣ ବିଧି
\p
\s5
\v 33 ଏଥିଉତ୍ତାରେ ସଦାପ୍ରଭୁ ମୋଶା ଓ ହାରୋଣଙ୍କୁ କହିଲେ,
\v 34 "ଆମ୍ଭେ ଯେଉଁ ଦେଶ ତୁମ୍ଭମାନଙ୍କ ଅଧିକାର ନିମନ୍ତେ ଦେବା, ସେହି କିଣାନ ଦେଶରେ ତୁମ୍ଭେମାନେ ପ୍ରବେଶ କଲେ, ଯେବେ ଆମ୍ଭେ ତୁମ୍ଭମାନଙ୍କ ଅଧିକୃତ ଦେଶର କୌଣସି ଗୃହରେ କୁଷ୍ଠରୋଗର ଦାଗ ଉତ୍ପନ୍ନ କରୁ;
\v 35 ତେବେ ସେହି ଗୃହସ୍ୱାମୀ ଯାଜକ ନିକଟକୁ ଆସି କହିବ, ଯଥା, ମୋ' ଗୃହରେ ଦାଗ ଥିଲା ପରି ମୋତେ ଦେଖାଯାଉଅଛି;
\s5
\v 36 ତହୁଁ ଗୃହର ସମସ୍ତ ଦ୍ରବ୍ୟ ଯେପରି ଅଶୁଚି ନ ହୁଏ, ଏଥିପାଇଁ ଯାଜକ ଦାଗ ଦେଖିବାକୁ ପ୍ରବେଶ କରିବା ପୂର୍ବେ ଗୃହ ଶୂନ୍ୟ କରିବାକୁ ଯାଜକ ଆଜ୍ଞା ଦେବ; ତହିଁ ଉତ୍ତାରୁ ଯାଜକ ଗୃହ ଦେଖିବାକୁ ପ୍ରବେଶ କରିବ ।
\v 37 ପୁଣି, ସେ ସେହି ଦାଗ ଦେଖିବ, ପୁଣି ପ୍ରକୃତରେ, ଯଦି ସେହି ଦାଗ ଗୃହର କାନ୍ଥରେ ଟୋଲାପୋଲା ହୋଇ ବସିଯାଇ ଅଳ୍ପ ଶାଗୁଆ ବର୍ଣ୍ଣ ବା ରକ୍ତ ବର୍ଣ୍ଣ ହୋଇଥାଏ, ପୁଣି ତାହା କାନ୍ଥର ନୀଚସ୍ଥ ଦେଖାଯାଏ,
\v 38 ତେବେ ଯାଜକ ଗୃହରୁ ବାହାର ହୋଇ ଦ୍ୱାର ନିକଟକୁ ଯିବ ଓ ସେହି ଗୃହକୁ ସାତ ଦିନ ବନ୍ଦ କରି ରଖିବ ।
\p
\s5
\v 39 ପୁଣି, ଯାଜକ ସପ୍ତମ ଦିନରେ ପୁନର୍ବାର ଆସି ଦେଖିବ; ପୁଣି ପ୍ରକୃତରେ, ଯଦି ଗୃହର କାନ୍ଥରେ ସେହି ଦାଗ ବଢ଼ିଥାଏ,
\v 40 ତେବେ ଯାଜକ ଦାଗଯୁକ୍ତ ପ୍ରସ୍ତରସବୁ ବାହାର କରି ନଗରର ବାହାରେ ଅଶୁଚି ସ୍ଥାନରେ ପକାଇ ଦେବାକୁ ଲୋକମାନଙ୍କୁ ଆଜ୍ଞା ଦେବ ।
\s5
\v 41 ପୁଣି, ସେ ସେହି ଗୃହର ଭିତର ଚାରିଆଡ଼େ ଚଞ୍ଛାଇବ ଓ ସେହି ଚଞ୍ଛା ଧୂଳି ନଗରର ବାହାରେ ଅଶୁଚି ସ୍ଥାନରେ ପକାଇ ଦେବ ।
\v 42 ଆଉ, ସେମାନେ ଅନ୍ୟ ପ୍ରସ୍ତର ନେଇ ସେହି ପ୍ରସ୍ତର ସ୍ଥାନରେ ବସାଇବେ ଓ ଅନ୍ୟ ଲେପ ନେଇ ଗୃହ ଲେପନ କରିବେ ।
\p
\s5
\v 43 ଆଉ, ସେହି ପ୍ରସ୍ତର ବଦଳ କଲା ଉତ୍ତାରେ ଓ ଗୃହ ଚାଞ୍ଛିଲା ଉତ୍ତାରେ ଓ ଲେପନ କଲା ଉତ୍ତାରେ ଯେବେ ସେହି ଦାଗ ପୁନର୍ବାର ଗୃହରେ ଫୁଟି ବାହାରେ,
\v 44 ତେବେ ଯାଜକ ଆସି ଦେଖିବ, ପୁଣି ପ୍ରକୃତରେ, ଯଦି ସେହି ଦାଗ ଗୃହରେ ବୃଦ୍ଧି ପାଇଥାଏ, ତେବେ ସେହି ଗୃହରେ କ୍ଷୟ କୁଷ୍ଠରୋଗ ଅଛି; ତାହା ଅଶୁଚି ଅଟେ ।
\s5
\v 45 ତହିଁରେ ସେ ସେହି ଗୃହ ଭାଙ୍ଗି ପକାଇବ, ତହିଁର ପ୍ରସ୍ତର ଓ କାଷ୍ଠ ଓ ଧୂଳିସବୁ ନଗରର ବାହାରେ ଅଶୁଚି ସ୍ଥାନକୁ ବୋହି ନେଇଯିବ ।
\v 46 ଆହୁରି, ସେହି ଗୃହ ବନ୍ଦ ହୋଇଥିବା ସମୟରେ ଯେକେହି ତହିଁ ଭିତରକୁ ଯାଏ, ସେ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ହୋଇ ରହିବ ।
\v 47 ପୁଣି, ଯେ ସେହି ଗୃହରେ ଶୟନ କରେ, ସେ ଆପଣା ବସ୍ତ୍ର ଧୋଇବ ଓ ସେହି ଘରେ ଯେ ଭୋଜନ କରେ, ସେ ଆପଣା ବସ୍ତ୍ର ଧୋଇବ ।
\p
\s5
\v 48 ଆଉ, ଯାଜକ ଆସି ଦେଖନ୍ତେ, ଯଦି, ସେହି ଗୃହ ଲେପନ କଲା ଉତ୍ତାରେ ଦାଗ ସେହି ଗୃହରେ ବଢ଼ି ନାହିଁ, ତେବେ ଯାଜକ ସେହି ଗୃହକୁ ଶୁଚି ବୋଲି ପ୍ରକାଶ କରିବ, କାରଣ ଦାଗ ଅଦୃଶ୍ୟ ହୋଇଅଛି ।
\s5
\v 49 ତହୁଁ ସେ ସେହି ଗୃହକୁ ଶୁଚି କରିବା ପାଇଁ ଦୁଇ ପକ୍ଷୀ, ଏରସ କାଠ, ସିନ୍ଦୂର ବର୍ଣ୍ଣ (ଲୋମ) ଓ ଏସୋବ ନେବ;
\v 50 ପୁଣି, ମୃତ୍ତିକା ପାତ୍ରସ୍ଥିତ ସ୍ରୋତଜଳ ଉପରେ ଏକ ପକ୍ଷୀକୁ ବଧ କରିବ;
\v 51 ତହୁଁ ସେ ସେହି ଏରସ କାଠ, ଏସୋବ, ସିନ୍ଦୂର ବର୍ଣ୍ଣ (ଲୋମ) ଓ ଜୀଅନ୍ତା ପକ୍ଷୀକୁ ନେଇ ହତ ପକ୍ଷୀର ରକ୍ତରେ ଓ ସେହି ସ୍ରୋତଜଳରେ ଡୁବାଇବ ଓ ସେହି ଗୃହରେ ସାତ ଥର ଛିଞ୍ଚିବ ।
\s5
\v 52 ଏହି ପ୍ରକାରେ ପକ୍ଷୀର ରକ୍ତ ଦ୍ୱାରା, ସ୍ରୋତଜଳ ଦ୍ୱାରା, ଜୀଅନ୍ତା ପକ୍ଷୀ ଦ୍ୱାରା, ଏରସ କାଠ ଦ୍ୱାରା, ଏସୋବ ଦ୍ୱାରା ଓ ସିନ୍ଦୂର ବର୍ଣ୍ଣ (ଲୋମ) ଦ୍ୱାରା ସେହି ଗୃହକୁ ଶୁଚି କରିବ ।
\v 53 ମାତ୍ର ସେ ଜୀଅନ୍ତା ପକ୍ଷୀକୁ ନଗରର ବାହାରସ୍ଥ କ୍ଷେତ୍ର ଆଡ଼େ ଛାଡ଼ିଦେବ; ଏହିରୂପେ ସେ ଗୃହ ନିମନ୍ତେ ପ୍ରାୟଶ୍ଚିତ୍ତ କରିବ; ତହିଁରେ ତାହା ଶୁଚି ହେବ ।
\p
\s5
\v 54 କୁଷ୍ଠରୋଗର ସର୍ବପ୍ରକାର ଘାଆ ଓ ଛଉର ଏହି ବ୍ୟବସ୍ଥା;
\v 55 ପୁଣି, ବସ୍ତ୍ରସ୍ଥିତ ଓ ଗୃହସ୍ଥିତ କୁଷ୍ଠରୋଗ;
\v 56 ଆଉ, ଫୁଲା ଓ ପାମା ଓ ଚିକ୍କଣ ଚିହ୍ନ,
\v 57 ଏହି ସବୁ କେଉଁ ସମୟରେ ଶୁଚି ଓ କେଉଁ ସମୟରେ ଅଶୁଚି, ଏହା ଜଣାଇବା ନିମନ୍ତେ କୁଷ୍ଠରୋଗର ଏହି ବ୍ୟବସ୍ଥା ।"
\s5
\c 15
\s ପ୍ରମେହ ରୋଗ ସମ୍ବନ୍ଧୀୟ ବିଧି
\p
\v 1 ଏଥିଉତ୍ତାରେ ସଦାପ୍ରଭୁ ମୋଶା ଓ ହାରୋଣଙ୍କୁ କହିଲେ,
\v 2 "ଇସ୍ରାଏଲ ସନ୍ତାନଗଣଙ୍କୁ କୁହ, ଯଦି ପୁରୁଷର ଶରୀରରେ ପ୍ରମେହ ରୋଗ ହୁଏ, ସେ ଆପଣାର ସେହି ପ୍ରମେହ ସକାଶୁ ଅଶୁଚି ହେବ ।
\v 3 ପୁଣି ପ୍ରମେହ ସକାଶୁ ତାହାର ଅଶୁଚିତାର ବିଧି ଏହି; ତାହାର ଶରୀରରୁ ପ୍ରମେହ ଝରୁ ଥାଉ ଅବା ଶରୀରରେ ବନ୍ଦ ଥାଉ, ତାହା ତାହାର ଅଶୁଚିତା ଅଟେ ।
\s5
\v 4 ପ୍ରମେହୀ ଲୋକ ଯେଉଁ ପ୍ରତ୍ୟେକ ଶଯ୍ୟାରେ ଶୟନ କରେ, ତାହା ଅଶୁଚି ହେବ ଓ ଯେଉଁ ପ୍ରତ୍ୟେକ ପଦାର୍ଥ ଉପରେ ସେ ବସେ, ତାହା ଅଶୁଚି ହେବ ।
\v 5 ପୁଣି, ଯେକେହି ତାହାର ଶଯ୍ୟା ଛୁଇଁବ, ସେ ଆପଣା ବସ୍ତ୍ର ଧୋଇବ ଓ ଜଳରେ ସ୍ନାନ କରିବ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ ।
\s5
\v 6 ଆଉ, ଯେକୌଣସି ପଦାର୍ଥ ଉପରେ ପ୍ରମେହୀ ବସେ, ତହିଁ ଉପରେ ଯଦି କେହି ବସେ, ତେବେ ସେ ଆପଣା ବସ୍ତ୍ର ଧୋଇବ ଓ ଜଳରେ ସ୍ନାନ କରିବ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ ।
\v 7 ପୁଣି, ଯେକେହି ପ୍ରମେହୀର ଶରୀର ଛୁଇଁବ, ସେ ଆପଣା ବସ୍ତ୍ର ଧୋଇବ ଓ ଜଳରେ ସ୍ନାନ କରିବ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ ।
\s5
\v 8 ଆଉ, ପ୍ରମେହୀ ଯଦି ଶୁଚି ଲୋକର ଦେହରେ ଛେପ ପକାଏ, ତେବେ ସେ ଆପଣା ବସ୍ତ୍ର ଧୋଇବ ଓ ଜଳରେ ସ୍ନାନ କରିବ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ ।
\v 9 ପୁଣି, ପ୍ରମେହୀ ଯେଉଁ ବାହନ ଉପରେ ଚଢ଼େ, ତାହା ଅଶୁଚି ହେବ ।
\s5
\v 10 ଆଉ, ଯେକେହି ତାହାର ତଳସ୍ଥ କୌଣସି ବସ୍ତୁ ଛୁଇଁବ, ତେବେ ସେ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ; ପୁଣି ଯେକେହି ତାହା ବୋହିବ, ସେ ଆପଣା ବସ୍ତ୍ର ଧୋଇବ ଓ ଆପେ ଜଳରେ ସ୍ନାନ କରିବ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ ।
\v 11 ପୁଣି, ପ୍ରମେହୀ ଆପଣା ହସ୍ତ ଜଳରେ ନ ଧୋଇ ଯାହାକୁ ଛୁଇଁବ, ସେ ଆପଣା ବସ୍ତ୍ର ଧୋଇବ ଓ ଜଳରେ ସ୍ନାନ କରିବ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ ।
\v 12 ପୁଣି, ପ୍ରମେହୀ ଯେଉଁ ମୃତ୍ତିକାପାତ୍ର ଛୁଇଁବ, ତାହା ଭଙ୍ଗାଯିବ ଓ ସମସ୍ତ କାଷ୍ଠ ପାତ୍ର ଜଳରେ ଧୁଆଯିବ ।
\s5
\v 13 ଆଉ, ପ୍ରମେହୀ ଯେତେବେଳେ ଆପଣା ପ୍ରମେହରୁ ଶୁଚି ହୁଏ, ସେତେବେଳେ ସେ ଆପଣାର ଶୁଚିକାର୍ଯ୍ୟ ନିମନ୍ତେ ସାତ ଦିନ ଗଣନା କରିବ ଓ ଆପଣା ବସ୍ତ୍ର ଧୋଇବ ଓ ସ୍ରୋତଜଳରେ ସ୍ନାନ କରିବ; ତହୁଁ ସେ ଶୁଚି ହେବ ।
\p
\v 14 ପୁଣି, ଅଷ୍ଟମ ଦିନରେ ସେ ଆପଣାର ଶୁଚିକାର୍ଯ୍ୟ ନିମନ୍ତେ ଦୁଇ କପୋତ ଅବା ଦୁଇ ପାରାଛୁଆ ନେଇ ସଦାପ୍ରଭୁଙ୍କ ସମ୍ମୁଖରେ ସମାଗମ-ତମ୍ବୁର ଦ୍ୱାର ନିକଟକୁ ଆସି ଯାଜକର ହସ୍ତରେ ସେମାନଙ୍କୁ ସମର୍ପଣ କରିବ ।
\v 15 ତହିଁରେ ଯାଜକ ସେଥିରୁ ଗୋଟିଏକୁ ପାପାର୍ଥକ ବଳି ଓ ଅନ୍ୟଟିକୁ ହୋମ ବଳି ରୂପେ ଉତ୍ସର୍ଗ କରିବ; ପୁଣି, ଯାଜକ ତାହାର ପ୍ରମେହ ହେତୁ ସଦାପ୍ରଭୁଙ୍କ ସମ୍ମୁଖରେ ପ୍ରାୟଶ୍ଚିତ୍ତ କରିବ ।
\p
\s5
\v 16 ଆଉ, ଯଦି କୌଣସି ପୁରୁଷର ବୀର୍ଯ୍ୟପାତ ହୁଏ, ତେବେ ସେ ଆପଣା ସମସ୍ତ ଶରୀର ଜଳରେ ଧୌତ କରିବ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ ।
\v 17 ଆଉ, ଯେଉଁ ପ୍ରତ୍ୟେକ ବସ୍ତ୍ରରେ କି ଚର୍ମରେ ବୀର୍ଯ୍ୟପାତ ହୁଏ, ତାହା ଜଳରେ ଧୋଇବ ଓ ତାହା ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ ।
\v 18 ମଧ୍ୟ ସେ ସ୍ତ୍ରୀ, ଯାହା ସଙ୍ଗେ ସ୍ଖଳିତ ବୀର୍ଯ୍ୟ ପୁରୁଷ ଶୟନ କରିବ, ସେ ଦୁହେଁ ଜଳରେ ସ୍ନାନ କରିବେ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବେ ।
\p
\s5
\v 19 ଆଉ, ଯଦି ସ୍ତ୍ରୀ ରଜସ୍ୱଳା ହୁଏ ଓ ତାହାର ଦେହରୁ ରକ୍ତ ଝରେ, ତେବେ ସେ ସାତଦିନ ଆପଣା ଅଶୁଚିତାରେ ରହିବ; ପୁଣି, ଯେକେହି ତାହାକୁ ଛୁଇଁବ, ସେ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ ।
\v 20 ଆଉ ସେ ଆପଣା ସ୍ତ୍ରୀଧର୍ମ ସମୟରେ ଯେକୌଣସି ଶଯ୍ୟାରେ ଶୟନ କରିବ, ତାହା ଅଶୁଚି ହେବ ଓ ଯହିଁ ଉପରେ ସେ ବସିବ, ତାହା ଅଶୁଚି ହେବ ।
\s5
\v 21 ପୁଣି, ଯେକେହି ତାହାର ଶଯ୍ୟା ଛୁଇଁବ, ସେ ଆପଣା ବସ୍ତ୍ର ଧୋଇବ ଓ ଆପେ ଜଳରେ ସ୍ନାନ କରିବ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ ।
\v 22 ପୁଣି, ଯେକେହି ତାହାର ବସିବାର କୌଣସି ଆସନ ଉପରେ ବସେ, ସେ ଆପଣା ବସ୍ତ୍ର ଧୋଇବ ଓ ଆପେ ଜଳରେ ସ୍ନାନ କରିବ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ ।
\v 23 ଆଉ, ତାହାର ଶଯ୍ୟା କି ଆସନ ଉପରେ କିଛି ଥିଲେ, ଯେକେହି ତାହା ଛୁଇଁବ, ସେ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ ।
\s5
\v 24 ଆଉ, ଯେଉଁ ପୁରୁଷ ତାହା ସଙ୍ଗେ ଶୟନ କରେ ଓ ତାହାର ରଜ ତାହାଠାରେ ଲାଗେ, ସେ ସାତ ଦିନ ଅଶୁଚି ରହିବ; ପୁଣି ସେ ଯେକୌଣସି ଶଯ୍ୟାରେ ଶୟନ କରେ, ତାହା ଅଶୁଚି ହେବ ।
\p
\s5
\v 25 ଆଉ, ସ୍ତ୍ରୀର ରଜଧର୍ମ ସମୟ ଛଡ଼ା ଯେବେ କୌଣସି ସ୍ତ୍ରୀର ବହୁ ଦିନ ପର୍ଯ୍ୟନ୍ତ ରକ୍ତସ୍ରାବ ହୁଏ, କିଅବା ସ୍ତ୍ରୀର ରଜଧର୍ମ ସମୟ ଉତ୍ତାରେ ଯେବେ ରକ୍ତସ୍ରାବ ହୁଏ; ତେବେ ଯେପରି ସ୍ତ୍ରୀର ରଜଧର୍ମ ସମୟରେ, ସେପରି ଅଶୁଚି ରକ୍ତସ୍ରାବର ସକଳ ଦିନ ହେବ, ସେ ଅଶୁଚି ଅଟେ ।
\v 26 ସେହି ରକ୍ତସ୍ରାବର ସକଳ ଦିନ ଯେକୌଣସି ଶଯ୍ୟାରେ ସେ ଶୟନ କରେ, ତାହା ସ୍ତ୍ରୀଧର୍ମ ସମୟର ଶଯ୍ୟା ସଦୃଶ ଅଶୁଚି ହେବ, ଆଉ ସେ ଯେକୌଣସି ଆସନରେ ବସେ, ତାହା ସ୍ତ୍ରୀର ରଜଧର୍ମ ସମୟର ଅଶୁଚିତା ସଦୃଶ ଅଶୁଚି ହେବ ।
\v 27 ପୁଣି, ଯେକେହି ସେହି ସମସ୍ତ ଛୁଇଁବ, ସେ ଅଶୁଚି ହେବ ଓ ଆପଣା ବସ୍ତ୍ର ଧୋଇବ ଓ ଆପେ ଜଳରେ ସ୍ନାନ କରିବ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ ।
\s5
\v 28 ମାତ୍ର ସେହି ସ୍ତ୍ରୀର ରକ୍ତସ୍ରାବ ବନ୍ଦ ହେଲେ, ସେ ଆପଣା ନିମନ୍ତେ ସାତ ଦିନ ଗଣନା କରିବ, ତହିଁ ଉତ୍ତାରେ ସେ ଶୁଚି ହେବ ।
\p
\v 29 ପୁଣି, ଅଷ୍ଟମ ଦିନରେ ସେ ଆପଣା ନିମନ୍ତେ ଦୁଇ କପୋତ ଅବା ଦୁଇ ପାରାଛୁଆ ନେଇ ସମାଗମ-ତମ୍ବୁର ଦ୍ୱାରରେ ଯାଜକ ନିକଟକୁ ଆଣିବ ।
\v 30 ତହିଁରେ ଯାଜକ ସେଥିରୁ ଗୋଟିଏକୁ ପାପାର୍ଥକ ବଳି ଓ ଅନ୍ୟଟିକୁ ହୋମ ବଳି ରୂପେ ଉତ୍ସର୍ଗ କରିବ; ଆଉ, ଯାଜକ ତାହାର ରକ୍ତସ୍ରାବର ଅଶୁଚିତା ହେତୁ ସଦାପ୍ରଭୁଙ୍କ ସମ୍ମୁଖରେ ତାହା ନିମନ୍ତେ ପ୍ରାୟଶ୍ଚିତ୍ତ କରିବ ।
\p
\s5
\v 31 ଏହିରୂପେ ଇସ୍ରାଏଲ ସନ୍ତାନଗଣ ସେମାନଙ୍କର ମଧ୍ୟବର୍ତ୍ତୀ ଆମ୍ଭର ଆବାସ ଅଶୁଚି କଲେ, ଯେପରି ସେମାନେ ଆପଣାମାନଙ୍କ ଅଶୁଚିତାରେ ନ ମରନ୍ତି, ଏଥିପାଇଁ ତୁମ୍ଭେମାନେ ସେମାନଙ୍କୁ ସେମାନଙ୍କ ଅଶୁଚିତାରୁ ପୃଥକ୍ କରିବ ।
\s5
\v 32 ପ୍ରମେହ ରୋଗୀର ଓ ବୀର୍ଯ୍ୟପାତରେ ଅଶୁଚି ଲୋକର,
\v 33 ପୁଣି ରଜସ୍ୱଳା ସ୍ତ୍ରୀର ଓ ପ୍ରମେହୀ ପୁରୁଷ ଓ ସ୍ତ୍ରୀର, ଆଉ, ସ୍ତ୍ରୀର ଅଶୁଚିତା ସମୟରେ ତାହା ସହିତ ଶୟନକାରୀ ପୁରୁଷର, ଏହି ବ୍ୟବସ୍ଥା ।"
\s5
\c 16
\s ପ୍ରାୟଶ୍ଚିତ୍ତ ଦିବସ
\p
\v 1 ଆଉ, ହାରୋଣଙ୍କର ଦୁଇ ପୁତ୍ର ସଦାପ୍ରଭୁଙ୍କ ନିକଟବର୍ତ୍ତୀ ହୋଇ ମଲା ଉତ୍ତାରେ, ସଦାପ୍ରଭୁ ମୋଶାଙ୍କୁ କହିଲେ;
\v 2 ସଦାପ୍ରଭୁ ମୋଶାଙ୍କୁ କହିଲେ, "ତୁମ୍ଭେ ଆପଣା ଭ୍ରାତା ହାରୋଣକୁ କୁହ, ଯେପରି ତାହାର ମୃତ୍ୟୁ ନ ହୁଏ, ଏଥିପାଇଁ ବିଚ୍ଛେଦ ବସ୍ତ୍ର ଭିତରେ ସିନ୍ଦୁକର ଉପରିସ୍ଥ ପାପାଚ୍ଛାଦନ ସମ୍ମୁଖସ୍ଥ ପବିତ୍ର ସ୍ଥାନରେ ସର୍ବଦା ପ୍ରବେଶ କରିବ ନାହିଁ; କାରଣ ଆମ୍ଭେ ପାପାଚ୍ଛାଦନ ଉପରେ ମେଘରେ ଦର୍ଶନ ଦେବା ।
\p
\s5
\v 3 ହାରୋଣ ପାପାର୍ଥେ ଏକ ଗୋବତ୍ସ ଓ ହୋମାର୍ଥେ ଏକ ମେଷ ସଙ୍ଗେ ନେଇ ଏହିରୂପେ ପବିତ୍ର ସ୍ଥାନରେ ପ୍ରବେଶ କରିବ ।
\v 4 ସେ ପବିତ୍ର ଶୁଭ୍ର ପୋଷାକ ପିନ୍ଧିବ, ଦେହରେ ଶୁଭ୍ର ଜଙ୍ଘିଆ ପିନ୍ଧିବ, ଶୁଭ୍ର କଟିବନ୍ଧନୀରେ କଟି ବାନ୍ଧିବ ଓ ଶୁଭ୍ର ପଗଡ଼ିରେ ଭୂଷିତ ହେବ; ଏହିସବୁ ପବିତ୍ର ବସ୍ତ୍ର; ଏଥିପାଇଁ ସେ ଜଳରେ ଆପଣା ଶରୀର ଧୌତ କରି ତାହାସବୁ ପିନ୍ଧିବ ।
\v 5 ପୁଣି, ସେ ଇସ୍ରାଏଲ ସନ୍ତାନଗଣର ମଣ୍ଡଳୀରୁ ପାପାର୍ଥେ ଦୁଇ ଛାଗ ଓ ହୋମାର୍ଥେ ଏକ ମେଷ ନେବ ।
\p
\s5
\v 6 ଆଉ, ହାରୋଣ ଆପଣା ନିମନ୍ତେ ପାପାର୍ଥକ ବଳିର ଯେଉଁ ଗୋବତ୍ସ, ତାକୁ ଆଣି ଆପଣା ନିମନ୍ତେ ଓ ଆପଣା ପରିବାର ନିମନ୍ତେ ପ୍ରାୟଶ୍ଚିତ୍ତ କରିବ ।
\v 7 ତହୁଁ ସେହି ଦୁଇ ଛାଗ ନେଇ ସମାଗମ-ତମ୍ବୁର ଦ୍ୱାର ନିକଟରେ ସଦାପ୍ରଭୁଙ୍କ ସମ୍ମୁଖରେ ଠିଆ କରାଇବ ।
\s5
\v 8 ପୁଣି, ହାରୋଣ ସେହି ଦୁଇ ଛାଗ ମଧ୍ୟରେ ଗୁଲିବାଣ୍ଟ କରିବ; ତହିଁରୁ ଗୋଟିଏ ସଦାପ୍ରଭୁଙ୍କ ନିମନ୍ତେ ଓ ଅନ୍ୟଟି ତ୍ୟାଗ ନିମନ୍ତେ ହେବ ।
\v 9 ପୁଣି, ଯେଉଁ ଛାଗ ଗୁଲିବାଣ୍ଟ ଦ୍ୱାରା ସଦାପ୍ରଭୁଙ୍କ ନିମନ୍ତେ ହେବ, ହାରୋଣ ତାକୁ ନେଇ ପାପାର୍ଥେ ବଳିଦାନ କରିବ ।
\v 10 ମାତ୍ର ଯେଉଁ ଛାଗ ଗୁଲିବାଣ୍ଟ ଦ୍ୱାରା ତ୍ୟାଗ ନିମନ୍ତେ ହେବ, ସେ ଯେପରି ତ୍ୟାଗ ନିମନ୍ତେ ପ୍ରାନ୍ତରକୁ ପଠାଯାଇ ପାରିବ, ଏଥିପାଇଁ ତାହା ନିମନ୍ତେ ପ୍ରାୟଶ୍ଚିତ୍ତ କରିବାକୁ ସଦାପ୍ରଭୁଙ୍କ ସମ୍ମୁଖରେ ତାକୁ ଜୀଅନ୍ତା ଠିଆ କରିବ ।
\p
\s5
\v 11 ଏଥିଉତ୍ତାରେ ହାରୋଣ ଆପଣା ନିମନ୍ତେ ପାପାର୍ଥକ ବଳିର ଯେଉଁ ଗୋବତ୍ସ, ତାକୁ ଆଣି ଆପଣା ନିମନ୍ତେ ଓ ଆପଣା ପରିବାର ନିମନ୍ତେ ପ୍ରାୟଶ୍ଚିତ୍ତ କରିବ; ପୁଣି, ଆପଣା ପାପାର୍ଥକ ବଳିର ସେହି ଗୋବତ୍ସକୁ ବଧ କରିବ ।
\s5
\v 12 ଆଉ, ସେ ସଦାପ୍ରଭୁଙ୍କ ସମ୍ମୁଖସ୍ଥ ବେଦିରୁ ପ୍ରଜ୍ୱଳିତ ଅଙ୍ଗାର ଧୂପଧାନୀରେ ପୂର୍ଣ୍ଣ କରି ଓ ମୁଠିଏ ଚୂର୍ଣ୍ଣ ସୁଗନ୍ଧି ଧୂପ ନେଇ ବିଚ୍ଛେଦ ବସ୍ତ୍ରର ଭିତରକୁ ଯିବ ।
\v 13 ସଦାପ୍ରଭୁଙ୍କ ସମ୍ମୁଖରେ ଅଗ୍ନି ଉପରେ ସେହି ସୁଗନ୍ଧି ଧୂପ ଦେବ, ତହିଁରେ ସାକ୍ଷ୍ୟସିନ୍ଦୁକର ଉପରିସ୍ଥ ପାପାଚ୍ଛାଦନ ଧୂପର ଧୂମ ମେଘରେ ଆଚ୍ଛନ୍ନ ହେଲେ ସେ ମରିବ ନାହିଁ ।
\s5
\v 14 ତହୁଁ ସେ ସେହି ଗୋବତ୍ସର କିଛି ରକ୍ତ ନେଇ ପାପାଚ୍ଛାଦନର ପୂର୍ବ ଆଡ଼େ ଅଙ୍ଗୁଳି ଦ୍ୱାରା ଛିଞ୍ଚିବ; ପୁଣି, ପାପାଚ୍ଛାଦନ ସମ୍ମୁଖରେ ଅଙ୍ଗୁଳି ଦ୍ୱାରା ସାତ ଥର ସେହି ରକ୍ତ ଛିଞ୍ଚିବ ।
\s5
\v 15 ଏଥିଉତ୍ତାରେ ସେ ଲୋକମାନଙ୍କର ପାପାର୍ଥକ ବଳିର ଛାଗ ନେଇ ବଧ କରିବ ଓ ତାହାର ରକ୍ତ ବିଚ୍ଛେଦ ବସ୍ତ୍ରର ଭିତରକୁ ଆଣି, ଯେପରି ଗୋବତ୍ସର ରକ୍ତ ନେଇ କରିଥିଲା, ସେପରି ତାହାର ରକ୍ତ ନେଇ କରିବ, ଅର୍ଥାତ୍‍, ପାପାଚ୍ଛାଦନ ଉପରେ ଓ ପାପାଚ୍ଛାଦନ ସମ୍ମୁଖରେ ତାହା ଛିଞ୍ଚିବ ।
\v 16 ପୁଣି, ଇସ୍ରାଏଲ ସନ୍ତାନଗଣର ଅଶୁଚିତା ଓ ସେମାନଙ୍କ ଅଧର୍ମ, ଅର୍ଥାତ୍‍, ସେମାନଙ୍କର ସମସ୍ତ ପାପ ସକାଶୁ ସେ ପବିତ୍ର ସ୍ଥାନ ନିମନ୍ତେ ପ୍ରାୟଶ୍ଚିତ୍ତ କରିବ; ପୁଣି, ସେମାନଙ୍କ ଅଶୁଚିତା ମଧ୍ୟରେ ସେମାନଙ୍କ ସହିତ ବାସ କରେ ଯେଉଁ ସମାଗମ-ତମ୍ବୁ, ତାହା ନିମନ୍ତେ ସେହି ପ୍ରକାର କରିବ ।
\p
\s5
\v 17 ଆଉ, ସେ ପ୍ରାୟଶ୍ଚିତ୍ତ କରିବା ନିମନ୍ତେ ପବିତ୍ର ସ୍ଥାନରେ ପ୍ରବେଶ କରିବା ସମୟଠାରୁ ଯେପର୍ଯ୍ୟନ୍ତ ବାହାର ହୋଇ ନାହିଁ; ପୁଣି, ଆପଣା ନିମନ୍ତେ ଓ ଆପଣା ଘର ନିମନ୍ତେ ଓ ଇସ୍ରାଏଲର ସମସ୍ତ ସମାଜ ନିମନ୍ତେ ପ୍ରାୟଶ୍ଚିତ୍ତ କରି ନାହିଁ, ସେପର୍ଯ୍ୟନ୍ତ ସମାଗମ-ତମ୍ବୁରେ କୌଣସି ମନୁଷ୍ୟ ରହିବ ନାହିଁ,
\v 18 ଆଉ, ସେ ବାହାର ହୋଇ ସମ୍ମୁଖସ୍ଥ ବେଦି ପାଖକୁ ଯାଇ ତହିଁ ନିମନ୍ତେ ପ୍ରାୟଶ୍ଚିତ୍ତ କରିବ; ପୁଣି ସେହି ଗୋବତ୍ସର କିଛି ରକ୍ତ ଓ ଛାଗର କିଛି ରକ୍ତ ନେଇ ବେଦିର ଶୃଙ୍ଗ ଉପରେ ଚାରିଆଡ଼େ ଦେବ ।
\v 19 ପୁଣି, ସେ ରକ୍ତରୁ କିଛି ନେଇ ଅଙ୍ଗୁଳି ଦ୍ୱାରା ସାତ ଥର ଛିଞ୍ଚି ତାହା ଶୁଚି କରିବ ଓ ଇସ୍ରାଏଲ ସନ୍ତାନଗଣର ଅଶୁଚିତାରୁ ତାହା ଶୁଚି କରିବ ।
\p
\s5
\v 20 ଏହି ପ୍ରକାରେ ସେ ପବିତ୍ର ସ୍ଥାନ, ସମାଗମ-ତମ୍ବୁ ଓ ବେଦି ନିମନ୍ତେ ପ୍ରାୟଶ୍ଚିତ୍ତ କରି ସାରିଲା ଉତ୍ତାରେ ସେହି ଜୀଅନ୍ତା ଛାଗକୁ ଆଣିବ ।
\v 21 ପୁଣି, ହାରୋଣ ସେହି ଜୀଅନ୍ତା ଛାଗର ମସ୍ତକରେ ଆପଣା ଦୁଇ ହସ୍ତର ନିର୍ଭର ଦେଇ ତାହା ଉପରେ ଇସ୍ରାଏଲ ସନ୍ତାନଗଣର ସମସ୍ତ ଅପରାଧ, ସମସ୍ତ ଅଧର୍ମ ଓ ସମସ୍ତ ପାପ ସ୍ୱୀକାର କରିବ; ଆଉ, ତାହା ସବୁ ସେହି ଛାଗର ମସ୍ତକରେ ଅର୍ପଣ କରି ପ୍ରସ୍ତୁତ ଥିବା ମନୁଷ୍ୟ ହସ୍ତରେ ତାହାକୁ ପ୍ରାନ୍ତରକୁ ପଠାଇ ଦେବ ।
\v 22 ତହିଁରେ ସେହି ଛାଗ ଆପଣା ଉପରେ ସେମାନଙ୍କର ସମସ୍ତ ଅପରାଧ ବୋହି ନରଶୂନ୍ୟ ଦେଶକୁ ନେବ; ଆଉ ସେ ସେହି ସ୍ଥାନରେ ସେହି ଛାଗକୁ ଛାଡ଼ିଦେବ ।
\p
\s5
\v 23 ତହୁଁ ହାରୋଣ ସମାଗମ-ତମ୍ବୁକୁ ଆସି ପବିତ୍ର ସ୍ଥାନରେ ପ୍ରବେଶ କରିବା ସମୟରେ ଯେଉଁ ଶୁଭ୍ର ବସ୍ତ୍ର ପିନ୍ଧିଥିଲା, ତାହା ପାଲଟି ସେହି ସ୍ଥାନରେ ରଖିବ ।
\v 24 ତହିଁ ଉତ୍ତାରେ ସେ କୌଣସି ପବିତ୍ର ସ୍ଥାନରେ ଆପଣା ଶରୀର ଜଳରେ ଧୌତ କରି ନିଜ ବସ୍ତ୍ର ପିନ୍ଧି ବାହାରକୁ ଆସିବ; ପୁଣି, ଆପଣାର ହୋମ ବଳି ଓ ଲୋକମାନଙ୍କର ହୋମ ବଳି ଉତ୍ସର୍ଗ କରି ଆପଣା ନିମନ୍ତେ ଓ ଲୋକମାନଙ୍କ ନିମନ୍ତେ ପ୍ରାୟଶ୍ଚିତ୍ତ କରିବ ।
\s5
\v 25 ଆଉ, ସେ ପାପାର୍ଥକ ବଳିର ମେଦ ବେଦିରେ ଦଗ୍ଧ କରିବ ।
\p
\v 26 ପୁଣି, ଯେଉଁ ଲୋକ ତ୍ୟାଗର ଛାଗକୁ ଛାଡ଼ିଦିଏ, ସେ ଆପଣା ବସ୍ତ୍ର ଧୋଇ ଜଳରେ ସ୍ନାନ କରିବ, ତହିଁ ଉତ୍ତାରେ ଛାଉଣିକୁ ଆସିବ ।
\s5
\v 27 ପୁଣି, ପାପାର୍ଥକ ବଳି ନିମନ୍ତେ ଯେଉଁ ଗୋବତ୍ସର ଓ ପାପାର୍ଥକ ବଳି ନିମନ୍ତେ ଯେଉଁ ଛାଗର ରକ୍ତ ପ୍ରାୟଶ୍ଚିତ୍ତ କରିବା ନିମନ୍ତେ ପବିତ୍ର ସ୍ଥାନକୁ ଅଣାଯାଇଥିଲା, ଲୋକମାନେ ସେଗୁଡ଼ିକୁ ଛାଉଣି ବାହାରକୁ ନେଇ ଯାଇ ସେଗୁଡ଼ିକର ଚର୍ମ, ମାଂସ ଓ ମଳ ଅଗ୍ନିରେ ଦଗ୍ଧ କରିବେ ।
\v 28 ପୁଣି ଯେଉଁ ଲୋକ ତାହା ଦଗ୍ଧ କରିବ, ସେ ଆପଣା ବସ୍ତ୍ର ଧୋଇବ ଓ ଜଳରେ ସ୍ନାନ କରିବ, ତହିଁ ଉତ୍ତାରେ ସେ ଛାଉଣି ଭିତରକୁ ଆସିବ ।
\p
\s5
\v 29 ତୁମ୍ଭମାନଙ୍କ ନିମନ୍ତେ ଏହା ଅନନ୍ତକାଳୀନ ବିଧି ହେବ; ସପ୍ତମ ମାସରେ ଓ ସେହି ମାସର ଦଶମ ଦିନରେ ସ୍ୱଦେଶୀୟ ବା ତୁମ୍ଭମାନଙ୍କ ମଧ୍ୟରେ ପ୍ରବାସୀ ବିଦେଶୀୟ ଲୋକ ହେଉ, ତୁମ୍ଭେମାନେ କୌଣସି ପ୍ରକାର ଖାଦ୍ୟ ଖାଇବ ନାହିଁ ଓ କୌଣସି ପ୍ରକାର କର୍ମ କରିବ ନାହିଁ ।
\v 30 କାରଣ ସେହି ଦିନରେ ତୁମ୍ଭମାନଙ୍କୁ ଶୁଚି କରିବା ନିମନ୍ତେ ତୁମ୍ଭମାନଙ୍କ ପାଇଁ ପ୍ରାୟଶ୍ଚିତ୍ତ କରାଯିବ; ତୁମ୍ଭେମାନେ ସଦାପ୍ରଭୁଙ୍କ ସମ୍ମୁଖରେ ଆପଣା ଆପଣାର ସକଳ ପାପରୁ ପରିଷ୍କୃତ ହେବ ।
\v 31 ତାହା ତୁମ୍ଭମାନଙ୍କ ପ୍ରତି ମହା ବିଶ୍ରାମ ଦିନ, ତୁମ୍ଭେମାନେ କୌଣସି ପ୍ରକାର ଖାଦ୍ୟ ଖାଇବ ନାହିଁ; ଏହା ଅନନ୍ତକାଳୀନ ବିଧି ।
\p
\s5
\v 32 ପୁଣି, ପିତାର ବଦଳେ ଯାଜକତ୍ୱ ପଦରେ ଯେ ଅଭିଷିକ୍ତ ଓ ନିଯୁକ୍ତ ହେବ, ସେହି ଯାଜକ ପ୍ରାୟଶ୍ଚିତ୍ତ କରିବ ଓ ଶୁଭ୍ର ବସ୍ତ୍ର, ଅର୍ଥାତ୍‍, ପବିତ୍ର ବସ୍ତ୍ର ସବୁ ପିନ୍ଧିବ ।
\v 33 ଆଉ, ସେ ପବିତ୍ର ସ୍ଥାନ ନିମନ୍ତେ ପ୍ରାୟଶ୍ଚିତ୍ତ କରିବ; ସମାଗମ-ତମ୍ବୁ ଓ ବେଦି ନିମନ୍ତେ ପ୍ରାୟଶ୍ଚିତ୍ତ କରିବ; ଆଉ, ସେ ଯାଜକଗଣ ନିମନ୍ତେ ଓ ସମାଜର ସମସ୍ତ ଲୋକ ନିମନ୍ତେ ପ୍ରାୟଶ୍ଚିତ୍ତ କରିବ ।
\s5
\v 34 ପୁଣି, ଇସ୍ରାଏଲ ସନ୍ତାନଗଣ ନିମନ୍ତେ ସେମାନଙ୍କର ସମସ୍ତ ପାପ ସକାଶୁ ବର୍ଷ ମଧ୍ୟରେ ଏକ ଥର ପ୍ରାୟଶ୍ଚିତ୍ତ କରିବାର ତୁମ୍ଭମାନଙ୍କ ପ୍ରତି ଅନନ୍ତକାଳୀନ ବିଧି ହେବ ।" ତହୁଁ ହାରୋଣ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ କର୍ମ କଲେ ।
\s5
\c 17
\s ବଳିଦାନର ସ୍ଥାନ
\p
\v 1 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
\v 2 "ତୁମ୍ଭେ ହାରୋଣକୁ, ତାହାର ପୁତ୍ରଗଣଙ୍କୁ ଓ ଇସ୍ରାଏଲର ସମସ୍ତ ସନ୍ତାନଗଣଙ୍କୁ କୁହ, ସଦାପ୍ରଭୁ ଏହି ଆଜ୍ଞା ଦେଇଅଛନ୍ତି ।
\v 3 ଇସ୍ରାଏଲ ବଂଶରୁ ଜାତ ଯେକେହି ଗୋରୁ, କି ମେଷ, କି ଛାଗ ଛାଉଣି ମଧ୍ୟରେ କିମ୍ବା ଛାଉଣି ବାହାରେ ବଧ କରେ,
\v 4 ମାତ୍ର ସଦାପ୍ରଭୁଙ୍କ ଆବାସ ସମ୍ମୁଖରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉପହାର ଉତ୍ସର୍ଗ କରିବା ପାଇଁ ସମାଗମ-ତମ୍ବୁର ଦ୍ୱାର ନିକଟକୁ ତାହା ନ ଆଣେ, ତାହା ପ୍ରତି ରକ୍ତପାତର ଅପରାଧ ଗଣିତ ହେବ; ସେ ରକ୍ତପାତ କରିଅଛି; ସେହି ମନୁଷ୍ୟ ଆପଣା ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେବ ।
\p
\s5
\v 5 ଏହେତୁ ଇସ୍ରାଏଲ ସନ୍ତାନଗଣ ଆପଣାମାନଙ୍କର ଯେଉଁ ଯେଉଁ ବଳି କ୍ଷେତ୍ରକୁ ନିଅନ୍ତି, ସେହି ସମସ୍ତ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସମାଗମ-ତମ୍ବୁର ଦ୍ୱାରରେ ଯାଜକ ନିକଟକୁ ଆଣି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ମଙ୍ଗଳାର୍ଥକ ବଳିଦାନ ନିମନ୍ତେ ଉତ୍ସର୍ଗ କରିବେ ।
\v 6 ପୁଣି, ଯାଜକ ସମାଗମ-ତମ୍ବୁର ଦ୍ୱାର ନିକଟରେ ସଦାପ୍ରଭୁଙ୍କ ବେଦି ଉପରେ ସେହି ରକ୍ତ ଛିଞ୍ଚିବ, ଆଉ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ମେଦ ଦଗ୍ଧ କରିବ ।
\s5
\v 7 ତହିଁରେ ସେମାନେ ଯେଉଁ ଛାଗ (ଦେବତା)ମାନଙ୍କ ସହିତ ବ୍ୟଭିଚାର କରୁଅଛନ୍ତି, ସେମାନଙ୍କ ଉଦ୍ଦେଶ୍ୟରେ ଆଉ ବଳିଦାନ କରିବେ ନାହିଁ । ଏହା ସେମାନଙ୍କର ପୁରୁଷାନୁକ୍ରମେ ପାଳନୀୟ ଅନନ୍ତକାଳୀନ ବିଧି ହେବ ।
\s5
\v 8 ଆଉ, ତୁମ୍ଭେ ସେମାନଙ୍କୁ କହିବ, ଇସ୍ରାଏଲ ବଂଶରୁ ଜାତ କୌଣସି ଲୋକ ଅବା ତୁମ୍ଭମାନଙ୍କ ମଧ୍ୟରେ ପ୍ରବାସୀ କୌଣସି ବିଦେଶୀ ଲୋକ ଯଦି ହୋମ କି ବଳିଦାନ କରେ,
\v 9 ମାତ୍ର ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବା ପାଇଁ ତାହା ସମାଗମ-ତମ୍ବୁର ଦ୍ୱାର ନିକଟକୁ ନ ଆଣେ, ତେବେ ସେ ଆପଣା ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେବ ।
\s ରକ୍ତ ଭୋଜନ ନିଷେଧୀୟ ବିଧି
\p
\s5
\v 10 ଆଉ, ଇସ୍ରାଏଲ ବଂଶଜାତ କୌଣସି ଲୋକ, ଅବା ସେମାନଙ୍କ ମଧ୍ୟରେ ପ୍ରବାସୀ କୌଣସି ବିଦେଶୀ ଲୋକ, ଯଦି କୌଣସି ପ୍ରକାର ରକ୍ତ ଭୋଜନ କରେ, ତେବେ ଆମ୍ଭେ ସେହି ରକ୍ତ ଭୋଜନକାରୀ ବ୍ୟକ୍ତି ବିରୁଦ୍ଧରେ ଆପଣା ମୁଖ ରଖିବା ଓ ତାହାର ଲୋକମାନଙ୍କ ମଧ୍ୟରୁ ତାହାକୁ ଉଚ୍ଛିନ୍ନ କରିବା;
\v 11 କାରଣ ରକ୍ତରେ ପ୍ରାଣୀର ପ୍ରାଣ ଥାଏ; ପୁଣି, ତୁମ୍ଭମାନଙ୍କ ପ୍ରାଣ ନିମନ୍ତେ ପ୍ରାୟଶ୍ଚିତ୍ତ କରିବାକୁ ଆମ୍ଭେ ତାହା ବେଦି ଉପରେ ତୁମ୍ଭମାନଙ୍କୁ ଦେଇଅଛୁ, ଯେହେତୁ ପ୍ରାଣର ଗୁଣରେ ରକ୍ତ ହିଁ ପ୍ରାୟଶ୍ଚିତ୍ତ କରେ ।
\s5
\v 12 ଏହେତୁ ଆମ୍ଭେ ଇସ୍ରାଏଲ ସନ୍ତାନଗଣକୁ କହିଲୁ, ତୁମ୍ଭମାନଙ୍କ ମଧ୍ୟରୁ କୌଣସି ବ୍ୟକ୍ତି ରକ୍ତ ଭୋଜନ କରିବ ନାହିଁ ଓ ତୁମ୍ଭମାନଙ୍କ ମଧ୍ୟରେ ପ୍ରବାସୀ କୌଣସି ବିଦେଶୀ ଲୋକ ରକ୍ତ ଭୋଜନ କରିବ ନାହିଁ ।
\p
\v 13 ଆଉ, ଇସ୍ରାଏଲ ସନ୍ତାନଗଣ ମଧ୍ୟରୁ କୌଣସି ଲୋକ ଅବା ସେମାନଙ୍କ ମଧ୍ୟରେ ପ୍ରବାସୀ କୌଣସି ବିଦେଶୀ ଲୋକ ଯଦି ଶିକାରରେ କୌଣସି ଖାଦ୍ୟଯୋଗ୍ୟ ପଶୁକୁ ବା ପକ୍ଷୀକୁ ବଧ କରେ, ତେବେ ସେ ତାହାର ରକ୍ତ ଢାଳି ଧୂଳିରେ ଢାଙ୍କିବ ।
\s5
\v 14 କାରଣ ସବୁ ପ୍ରାଣୀର ପ୍ରାଣ ସମ୍ବନ୍ଧରେ ରକ୍ତ ହିଁ ତାହାର ପ୍ରାଣ ଅଟେ; ଏହେତୁ ଆମ୍ଭେ ଇସ୍ରାଏଲ ସନ୍ତାନଗଣକୁ କହିଲୁ, ତୁମ୍ଭେମାନେ କୌଣସି ପ୍ରକାର ପ୍ରାଣୀର ରକ୍ତ ଭୋଜନ କରିବ ନାହିଁ, ଯେହେତୁ ସକଳ ପ୍ରାଣୀର ରକ୍ତ ହିଁ ତାହାର ପ୍ରାଣ; ଯେକେହି ତାହା ଭୋଜନ କରିବ, ସେ ଉଚ୍ଛିନ୍ନ ହେବ ।
\s5
\v 15 ଆଉ, ସ୍ୱଦେଶୀ କି ବିଦେଶୀ ମଧ୍ୟରୁ ଯେକେହି ସ୍ୱୟଂମୃତ କିଅବା ବିଦୀର୍ଣ୍ଣ ପଶୁ ଭୋଜନ କରେ, ସେ ଆପଣା ବସ୍ତ୍ର ଧୌତ କରି ଜଳରେ ସ୍ନାନ କରିବ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ; ତହିଁ ଉତ୍ତାରେ ଶୁଚି ହେବ ।
\v 16 ମାତ୍ର ଯଦି ସେ (ବସ୍ତ୍ର) ଧୌତ ନ କରେ କି ସ୍ନାନ ନ କରେ, ତେବେ ସେ ଆପଣା ଅପରାଧ ବୋହିବ ।"
\s5
\c 18
\s ନିଷିଦ୍ଧ ଯୌନ ସମ୍ପର୍କ
\p
\v 1 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
\v 2 "ତୁମ୍ଭେ ଇସ୍ରାଏଲ ସନ୍ତାନଗଣକୁ କୁହ, ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ ।
\v 3 ତୁମ୍ଭେମାନେ ଯେଉଁ ମିସର ଦେଶରେ ବାସ କଲ, ସେହି ଦେଶର ଆଚରଣ ଅନୁସାରେ ଆଚରଣ କରିବ ନାହିଁ; ପୁଣି, ଯେଉଁ କିଣାନ ଦେଶକୁ ଆମ୍ଭେ ତୁମ୍ଭମାନଙ୍କୁ ନେଇ ଯାଉଅଛୁ, ସେହି ଦେଶର ଆଚରଣ ଅନୁସାରେ ଆଚରଣ କରିବ ନାହିଁ ଓ ସେମାନଙ୍କ ବିଧି ଅନୁସାରେ ଚ଼ାଲିବ ନାହିଁ ।
\s5
\v 4 ତୁମ୍ଭେମାନେ ଆମ୍ଭର ଶାସନ ମାନ୍ୟ କରିବ ଓ ଆମ୍ଭର ବିଧି ପାଳନ କରିବ ଓ ତଦନୁସାରେ ଆଚରଣ କରିବ; ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ ।
\v 5 ଏଥିନିମନ୍ତେ ତୁମ୍ଭେମାନେ ଆମ୍ଭର ବିଧି ଓ ଆମ୍ଭର ଶାସନ ପାଳନ କରିବ; ମନୁଷ୍ୟ ତାହା କଲେ, ତହିଁରେ ହିଁ ସେ ବଞ୍ଚିବ; ଆମ୍ଭେ ସଦାପ୍ରଭୁ ଅଟୁ ।
\p
\s5
\v 6 ତୁମ୍ଭମାନଙ୍କର କେହି ଆପଣା ନିକଟ କୁଟୁମ୍ବ ମଧ୍ୟରୁ କାହାରି ଆବରଣୀୟ ଅନାବୃତ କରିବାକୁ ଯିବ ନାହିଁ, ଆମ୍ଭେ ସଦାପ୍ରଭୁ ଅଟୁ ।
\v 7 ତୁମ୍ଭେ ଆପଣା ପିତାର ଆବରଣୀୟ ଅବା ଆପଣା ମାତାର ଆବରଣୀୟ ଅନାବୃତ କରିବ ନାହିଁ; ସେ ତୁମ୍ଭର ମାତା; ତୁମ୍ଭେ ତାହାର ଆବରଣୀୟ ଅନାବୃତ କରିବ ନାହିଁ ।
\v 8 ତୁମ୍ଭେ ଆପଣା ପିତୃଭାର୍ଯ୍ୟାର ଆବରଣୀୟ ଅନାବୃତ କରିବ ନାହିଁ; ତାହା ତୁମ୍ଭ ପିତାର ଆବରଣୀୟ ଅଟେ ।
\s5
\v 9 ତୁମ୍ଭେ ଆପଣା ଭଗିନୀ, ଅର୍ଥାତ୍‍, ତୁମ୍ଭ ପିତୃକନ୍ୟା କି ମାତୃକନ୍ୟା, ସେ ଗୃହରେ ଜନ୍ମ ହେଉ କି ଅନ୍ୟତ୍ର ଜନ୍ମ ହେଉ, ତାହାର ଆବରଣୀୟ ଅନାବୃତ କରିବ ନାହିଁ ।
\v 10 ତୁମ୍ଭେ ଆପଣା ପୌତ୍ରୀର କି ଦୌହିତ୍ରୀର ଆବରଣୀୟ ଅନାବୃତ କରିବ ନାହିଁ; କାରଣ ତାହା ତୁମ୍ଭ ନିଜର ଆବରଣୀୟ ।
\v 11 ତୁମ୍ଭେ ଆପଣା ସାବତ ଭଉଣୀର ଆବରଣୀୟ ଅନାବୃତ କରିବ ନାହିଁ; କାରଣ ସେ ତୁମ୍ଭ ପିତାଠାରୁ ଜନ୍ମିଅଛି, ସେ ତୁମ୍ଭର ଭଗିନୀ, ତୁମ୍ଭେ ତାହାର ଆବରଣୀୟ ଅନାବୃତ କରିବ ନାହିଁ ।
\s5
\v 12 ତୁମ୍ଭେ ଆପଣା ପିତୃଭଗିନୀର ଆବରଣୀୟ ଅନାବୃତ କରିବ ନାହିଁ, ସେ ତୁମ୍ଭର ପିତୃଗୋତ୍ରରେ ଜନ୍ମ ହୋଇଛି ।
\v 13 ତୁମ୍ଭେ ଆପଣା ମାତୃଭଗିନୀର ଆବରଣୀୟ ଅନାବୃତ କରିବ ନାହିଁ, କାରଣ ସେ ତୁମ୍ଭର ମାତୃଗୋତ୍ରରେ ଜନ୍ମ ହୋଇଛି ।
\v 14 ତୁମ୍ଭେ ଆପଣା ପିତୃଭ୍ରାତାର ଆବରଣୀୟ ଅନାବୃତ କରିବ ନାହିଁ, ତୁମ୍ଭେ ତାହାର ଭାର୍ଯ୍ୟା ନିକଟକୁ ଯିବ ନାହିଁ, କାରଣ ସେ ତୁମ୍ଭର ପିତୃବ୍ୟପତ୍ନୀ ।
\s5
\v 15 ତୁମ୍ଭେ ଆପଣା ପୁତ୍ରବଧୂର ଆବରଣୀୟ ଅନାବୃତ କରିବ ନାହିଁ; ସେ ତୁମ୍ଭର ପୁତ୍ରବଧୂ; ତୁମ୍ଭେ ତାହାର ଆବରଣୀୟ ଅନାବୃତ କରିବ ନାହିଁ ।
\v 16 ତୁମ୍ଭେ ଆପଣା ଭ୍ରାତୃଭାର୍ଯ୍ୟାର ଆବରଣୀୟ ଅନାବୃତ କରିବ ନାହିଁ; ତାହା ତୁମ୍ଭ ଭ୍ରାତାର ଆବରଣୀୟ ।
\s5
\v 17 ତୁମ୍ଭେ କୌଣସି ସ୍ତ୍ରୀର ଓ ତାହାର କନ୍ୟାର ଆବରଣୀୟ ଅନାବୃତ କରିବ ନାହିଁ; ତୁମ୍ଭେ ତାହାର ପୌତ୍ରୀର କି ଦୌହିତ୍ରୀର ଆବରଣୀୟ ଅନାବୃତ କରିବା ପାଇଁ ତାହାକୁ ଗ୍ରହଣ କରିବ ନାହିଁ; ସେମାନେ ଗୋତ୍ରରେ ଜନ୍ମ ହୋଇଛନ୍ତି; ଏହା ଦୁଷ୍ଟତା ଅଟେ ।
\v 18 ଆଉ ଭଗିନୀ ଜୀବିତା ଥାଉ ଥାଉ ତୁମ୍ଭେ ତାହା ପାର୍ଶ୍ୱରେ ତାହାର ସପତ୍ନୀ ରୂପେ ଆବରଣୀୟ ଅନାବୃତ କରିବା ପାଇଁ ତା'ର ଭଗିନୀକୁ ଗ୍ରହଣ କରିବ ନାହିଁ ।
\s5
\v 19 ପୁଣି, କୌଣସି ସ୍ତ୍ରୀ ତାହାର ରଜଧର୍ମ ହେତୁ ଅଶୁଚି ଥିବା ପର୍ଯ୍ୟନ୍ତ ତୁମ୍ଭେ ତାହାର ଆବରଣୀୟ ଅନାବୃତ କରିବା ନିମନ୍ତେ ତାହା ନିକଟକୁ ଯିବ ନାହିଁ ।
\v 20 ଆଉ, ତୁମ୍ଭେ ଆପଣାକୁ ଅଶୁଚି କରିବା ନିମନ୍ତେ ପ୍ରତିବାସୀର ଭାର୍ଯ୍ୟା ନିକଟକୁ ଗମନ କରିବ ନାହିଁ ।
\p
\s5
\v 21 ତୁମ୍ଭେ ଆପଣା ବଂଶଜାତ କାହାକୁ ହିଁ, ମୋଲକ ଦେବତାର ଉଦ୍ଦେଶ୍ୟରେ ଅଗ୍ନି ମଧ୍ୟଦେଇ ଗମନ କରାଇବାକୁ ଦେବ ନାହିଁ, କିଅବା ତୁମ୍ଭେ ଆପଣା ପରମେଶ୍ୱରଙ୍କ ନାମ ଅପବିତ୍ର କରିବ ନାହିଁ; ଆମ୍ଭେ ସଦାପ୍ରଭୁ ଅଟୁ ।
\s5
\v 22 ତୁମ୍ଭେ ସ୍ତ୍ରୀର ନ୍ୟାୟ ପୁରୁଷ ସହିତ ସଂସର୍ଗ କରିବ ନାହିଁ, ତାହା ଘୃଣାଯୋଗ୍ୟ କର୍ମ ।
\v 23 ତୁମ୍ଭେ ଆପଣାକୁ ଅଶୁଚି କରିବା ନିମନ୍ତେ କୌଣସି ପଶୁଠାରେ ଗମନ କରିବ ନାହିଁ; କିଅବା କୌଣସି ସ୍ତ୍ରୀ ଆପଣା ସହିତ ସଂସର୍ଗ କରାଇବାକୁ କୌଣସି ପଶୁର ସମ୍ମୁଖରେ ଠିଆ ହେବ ନାହିଁ; ଏହା ତ ପାଷାଣ୍ଡତା ।
\p
\s5
\v 24 ତୁମ୍ଭେମାନେ ଏହିସବୁ ମଧ୍ୟରୁ କୌଣସି କ୍ରିୟା ଦ୍ୱାରା ଆପଣାମାନଙ୍କୁ ଅଶୁଚି କର ନାହିଁ; କାରଣ ଆମ୍ଭେ ଯେଉଁ ଦେଶୀୟ ଲୋକମାନଙ୍କୁ ତୁମ୍ଭ ସମ୍ମୁଖରୁ ଦୂର କରୁଅଛୁ, ସେମାନେ ଏହିସବୁ କ୍ରିୟା ଦ୍ୱାରା ଅଶୁଚି ହୋଇଅଛନ୍ତି ।
\v 25 ପୁଣି, ଦେଶ ହିଁ ଅଶୁଚି ହୋଇଅଛି; ଏହେତୁ ଆମ୍ଭେ ତାହାର ଅପରାଧ ତାହାକୁ ଭୋଗ କରାଉଅଛୁ ଓ ସେହି ଦେଶ ତାହାର ନିବାସୀମାନଙ୍କୁ ଉଦ୍‍ଗାର କରୁଅଛି ।
\s5
\v 26 ଏନିମନ୍ତେ ତୁମ୍ଭେମାନେ ଆମ୍ଭର ବିଧି ଓ ବ୍ୟବସ୍ଥା ପାଳନ କରିବ, ସ୍ୱଦେଶୀୟ ବା ତୁମ୍ଭମାନଙ୍କ ମଧ୍ୟରେ ପ୍ରବାସକାରୀ ବିଦେଶୀୟ ହେଉ, ତୁମ୍ଭେମାନେ ଏହି ସକଳ ଘୃଣାଯୋଗ୍ୟ କର୍ମ ମଧ୍ୟରୁ କୌଣସି କର୍ମ କରିବ ନାହିଁ ।
\v 27 କାରଣ ତୁମ୍ଭମାନଙ୍କ ପୂର୍ବବର୍ତ୍ତୀ ଦେଶ ନିବାସୀମାନେ ଏହିସବୁ ଘୃଣାଯୋଗ୍ୟ କର୍ମ କରିଅଛନ୍ତି ଓ ଦେଶ ଅଶୁଚି ହୋଇଅଛି ।
\v 28 ତୁମ୍ଭେମାନେ ତାହା ଅଶୁଚି କଲେ, ସେହି ଦେଶ ଯେପରି ତୁମ୍ଭମାନଙ୍କ ପୂର୍ବବର୍ତ୍ତୀ ନିବାସୀ ଲୋକମାନଙ୍କୁ ଉଦ୍‍ଗାର କଲା, ସେହିପରି ତୁମ୍ଭମାନଙ୍କୁ ମଧ୍ୟ ଉଦ୍‍ଗାର କରିବ ।
\s5
\v 29 ତେଣୁ ଯେଉଁମାନେ ଏହିସବୁ ଘୃଣାଯୋଗ୍ୟ କର୍ମ ମଧ୍ୟରୁ କୌଣସି କର୍ମ କରିବେ, ସେହି କର୍ମକାରୀ ପ୍ରାଣୀମାନେ ଆପଣା ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେବେ ।
\v 30 ଏଣୁକରି ତୁମ୍ଭମାନଙ୍କ ପୂର୍ବରେ ଯେଉଁ ସବୁ ଘୃଣାଯୋଗ୍ୟ କର୍ମ କରାଯାଇଅଛି, ସେହିସବୁ ମଧ୍ୟରୁ କୌଣସି କର୍ମ କରି ତଦ୍ଦ୍ୱାରା ଆପଣାମାନଙ୍କୁ ଅଶୁଚି କରିବ ନାହିଁ ଓ ଆମ୍ଭର ବିଧି ମାନ୍ୟ କରି ପାଳନ କରିବ; ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ ।"
\s5
\c 19
\s ପବିତ୍ରତାର ପରମେଶ୍ୱର
\p
\v 1 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
\v 2 "ତୁମ୍ଭେ ଇସ୍ରାଏଲ ସନ୍ତାନଗଣର ସମସ୍ତ ମଣ୍ଡଳୀକୁ କୁହ, ତୁମ୍ଭେମାନେ ପବିତ୍ର ହେବ, କାରଣ ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ପବିତ୍ର ଅଟୁ ।
\v 3 ତୁମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା ମାତାକୁ ଓ ଆପଣା ଆପଣା ପିତାକୁ ଭୟ କରିବ; ପୁଣି, ତୁମ୍ଭେମାନେ ଆମ୍ଭର ବିଶ୍ରାମ ଦିନ ପାଳନ କରିବ; ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ ।
\v 4 ଆଉ, ତୁମ୍ଭେମାନେ ପ୍ରତିମାଗଣର ପଶ୍ଚାଦ୍‍ଗାମୀ ହୁଅ ନାହିଁ ଓ ଆପଣାମାନଙ୍କ ନିମନ୍ତେ ଛାଞ୍ଚରେ ଢଳା ଦେବତା ନିର୍ମାଣ କର ନାହିଁ; ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ ।
\p
\s5
\v 5 ପୁଣି, ଯଦି ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ମଙ୍ଗଳାର୍ଥକ ବଳିଦାନ କର, ତେବେ ଗ୍ରାହ୍ୟ ହେବା ନିମନ୍ତେ ତାହା ବଳିଦାନ କରିବ ।
\v 6 ବଳିଦାନ ଦିନ ଓ ତହିଁ ଆରଦିନ ତାହା ଭୋଜନ କରାଯିବ; ପୁଣି, ତୃତୀୟ ଦିନ ପର୍ଯ୍ୟନ୍ତ ତହିଁରୁ କିଛି ଅବଶିଷ୍ଟ ରହିଲେ, ତାହା ଦଗ୍ଧ କରାଯିବ ।
\v 7 ଯଦି ତୃତୀୟ ଦିନ ତହିଁରୁ କିଛି ଭୋଜନ କରାଯିବ, ତେବେ ତାହା ଘୃଣାଯୋଗ୍ୟ ଓ ଅଗ୍ରାହ୍ୟ ହେବ ।
\v 8 ଆଉ, ତହିଁର ଭୋଜନକାରୀ ନିଜ ଅପରାଧ ବୋହିବ; କାରଣ ସେ ସଦାପ୍ରଭୁଙ୍କ ପବିତ୍ର ବସ୍ତୁ ଅପବିତ୍ର କରିଅଛି; ଏଣୁକରି ସେହି ପ୍ରାଣୀ ଆପଣା ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେବ ।
\s ଆପଣା ପ୍ରତିବାସୀକୁ ଆତ୍ମତୁଲ୍ୟ ପ୍ରେମ କର
\p
\s5
\v 9 ଆଉ, ତୁମ୍ଭେମାନେ ଆପଣା ଆପଣା ଭୂମିର ଶସ୍ୟ କାଟିବା ବେଳେ ତୁମ୍ଭେ ନିଜ କ୍ଷେତ୍ରର କୋଣ ସମ୍ପୂର୍ଣ୍ଣ ରୂପେ କାଟିବ ନାହିଁ, କିଅବା ତୁମ୍ଭେ ଆପଣା କ୍ଷେତ୍ରରେ ଛାଡ଼ିଥିବା ଶସ୍ୟ ସାଉଣ୍ଟିବ ନାହିଁ ।
\v 10 ପୁଣି, ତୁମ୍ଭେ ଆପଣା ଦ୍ରାକ୍ଷାକ୍ଷେତ୍ର ସମ୍ପୂର୍ଣ୍ଣ ଖୁଣ୍ଟି ତୋଳିବ ନାହିଁ, କିଅବା ତୁମ୍ଭେ ଆପଣା ଦ୍ରାକ୍ଷାକ୍ଷେତ୍ରର ପଡ଼ିଲା ଫଳ ସାଉଣ୍ଟିବ ନାହିଁ; ତୁମ୍ଭେ ତାହା ଦରିଦ୍ର ଓ ବିଦେଶୀମାନଙ୍କ ନିମନ୍ତେ ଛାଡ଼ି ଦେବ; ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ ।
\p
\s5
\v 11 ତୁମ୍ଭେମାନେ ଚୋରି କରିବ ନାହିଁ, କିଅବା ପ୍ରବଞ୍ଚନା କରିବ ନାହିଁ, କି ପରସ୍ପର ମିଥ୍ୟା କହିବ ନାହିଁ ।
\v 12 ଆଉ, ତୁମ୍ଭେମାନେ ଆମ୍ଭ ନାମ ନେଇ ମିଥ୍ୟା ଶପଥ କରିବ ନାହିଁ, ତାହା କଲେ, ତୁମ୍ଭେ ଆପଣା ପରମେଶ୍ୱରଙ୍କ ନାମ ଅପବିତ୍ର କରିବ; ଆମ୍ଭେ ସଦାପ୍ରଭୁ ।
\p
\s5
\v 13 ତୁମ୍ଭେ ଆପଣା ପ୍ରତିବାସୀ ପ୍ରତି ଅନ୍ୟାୟ କରିବ ନାହିଁ ଓ ଅପହରଣ କରିବ ନାହିଁ; ପୁଣି, ବେତନଜୀବୀର ବେତନ ରାତ୍ରିଠାରୁ ସକାଳ ଯାଏ ତୁମ୍ଭ ପାଖରେ ରହିବ ନାହିଁ ।
\v 14 ତୁମ୍ଭେ ବଧିରକୁ ଅଭିଶାପ ଦେବ ନାହିଁ ଓ ଅନ୍ଧ ଆଗରେ ଝୁଣ୍ଟିବାର ଦ୍ରବ୍ୟ ରଖିବ ନାହିଁ, ମାତ୍ର ତୁମ୍ଭେ ଆପଣା ପରମେଶ୍ୱରଙ୍କୁ ଭୟ କରିବ; ଆମ୍ଭେ ସଦାପ୍ରଭୁ ।
\p
\s5
\v 15 ତୁମ୍ଭେମାନେ ବିଚାରରେ ଅଧର୍ମ କରିବ ନାହିଁ; ତୁମ୍ଭେ ଦରିଦ୍ରର ମୁଖାପେକ୍ଷା କରିବ ନାହିଁ, କିଅବା ଧନୀର ସମ୍ଭ୍ରମ କରିବ ନାହିଁ, ମାତ୍ର ତୁମ୍ଭେ ଧର୍ମରେ ଆପଣା ପ୍ରତିବାସୀର ବିଚାର କରିବ ।
\v 16 ତୁମ୍ଭେ ଖଚୁଆ ହୋଇ ଆପଣା ଲୋକମାନଙ୍କ ମଧ୍ୟରେ ଏଣେତେଣେ ବୁଲିବ ନାହିଁ; କିଅବା ତୁମ୍ଭ ପ୍ରତିବାସୀର ରକ୍ତ ବିରୁଦ୍ଧରେ ଠିଆ ହେବ ନାହିଁ; ଆମ୍ଭେ ସଦାପ୍ରଭୁ ।
\p
\s5
\v 17 ତୁମ୍ଭେ ମନେ ମନେ ଆପଣା ଭାଇକୁ ଘୃଣା କରିବ ନାହିଁ; ତୁମ୍ଭେ ନିତାନ୍ତ ଆପଣା ପ୍ରତିବାସୀକୁ ଅନୁଯୋଗ କରିବ, ତହିଁରେ ତୁମ୍ଭେ ତାହାର ଅପରାଧ ବୋହିବ ନାହିଁ ।
\v 18 ତୁମ୍ଭେ ଆପଣା ଲୋକମାନଙ୍କ ସନ୍ତାନଗଣକୁ ପ୍ରତିହିଂସା କି ଦ୍ୱେଷ କରିବ ନାହିଁ, ବରଞ୍ଚ ତୁମ୍ଭେ ଆପଣା ପ୍ରତିବାସୀକୁ ଆତ୍ମତୁଲ୍ୟ ପ୍ରେମ କରିବ; ଆମ୍ଭେ ସଦାପ୍ରଭୁ ।
\s ସକଳ ବିଧିର ପାଳନ
\p
\s5
\v 19 ତୁମ୍ଭେମାନେ ଆମ୍ଭର ସକଳ ବିଧି ପାଳନ କରିବ; ତୁମ୍ଭେ ଭିନ୍ନଜାତୀୟ ପଶୁ ସହିତ ଆପଣା ପଶୁମାନଙ୍କୁ ସଙ୍ଗମ କରିବାକୁ ଦେବ ନାହିଁ; ତୁମ୍ଭେ ଆପଣା କ୍ଷେତ୍ରରେ ମିଶ୍ରିତ ବୀଜ ବୁଣିବ ନାହିଁ; କିଅବା ଦୁଇ ପ୍ରକାର ସୂତ୍ରମିଶ୍ରିତ ବସ୍ତ୍ର ଦେହରେ ଦେବ ନାହିଁ ।
\s5
\v 20 ପୁଣି, ମୂଲ୍ୟ ଦ୍ୱାରା ଅବା ଅନ୍ୟ ରୂପେ ମୁକ୍ତ ନୁହେଁ, ଏପରି ଯେ ସ୍ୱାମୀ ପ୍ରତି ବାଗ୍‍ଦତ୍ତା ଦାସୀ, ତାହା ସହିତ ଯଦି କେହି ଶୟନ କରେ, ତେବେ ସେମାନେ ଦଣ୍ଡନୀୟ ହେବେ; ସେମାନଙ୍କର ପ୍ରାଣଦଣ୍ଡ ହେବ ନାହିଁ, କାରଣ ସେ ମୁକ୍ତ ନୁହେଁ ।
\v 21 ପୁଣି, ସେ ପୁରୁଷ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସମାଗମ-ତମ୍ବୁର ଦ୍ୱାର ନିକଟକୁ ଆପଣାର ଦୋଷାର୍ଥକ ବଳି, ଅର୍ଥାତ୍‍, ଦୋଷାର୍ଥକ ମେଷ ଆଣିବ ।
\v 22 ଆଉ, ଯାଜକ ସଦାପ୍ରଭୁଙ୍କ ସାକ୍ଷାତରେ ସେହି ଦୋଷାର୍ଥକ ମେଷ ଦ୍ୱାରା, ସେ ଯେଉଁ ପାପ କରିଅଛି, ତାହାର ସେହି ପାପ ସକାଶେ ପ୍ରାୟଶ୍ଚିତ୍ତ କରିବ; ତହିଁରେ ସେ ଯେଉଁ ପାପ କରିଅଛି, ତାହାର ସେହି ପାପ କ୍ଷମା ହେବ ।
\p
\s5
\v 23 ଆଉ, ତୁମ୍ଭେମାନେ ଦେଶରେ ପ୍ରବେଶ କରି ଭୋଜନାର୍ଥେ ନାନା ପ୍ରକାର ବୃକ୍ଷ ରୋପଣ କଲେ, ତହିଁର ଫଳକୁ ଅସୁନ୍ନତ ବୋଲି ଜ୍ଞାନ କରିବ, ତାହା ସବୁ ତିନି ବର୍ଷ ପର୍ଯ୍ୟନ୍ତ ତୁମ୍ଭମାନଙ୍କ ପ୍ରତି ଅସୁନ୍ନତ ସ୍ୱରୂପ ହେବ; ତାହା ଭୋଜନ କରାଯିବ ନାହିଁ ।
\v 24 ମାତ୍ର ଚତୁର୍ଥ ବର୍ଷରେ ତହିଁର ସମସ୍ତ ଫଳ ସଦାପ୍ରଭୁଙ୍କ ପ୍ରଶଂସାର୍ଥକ ଉପହାର ରୂପେ ପବିତ୍ର ହେବ ।
\v 25 ପୁଣି, ପଞ୍ଚମ ବର୍ଷରେ ତୁମ୍ଭେମାନେ ତହିଁର ଫଳ ଭୋଜନ କରିବ, ତହିଁରେ ତୁମ୍ଭମାନଙ୍କ ନିମନ୍ତେ ପ୍ରଚୁର ଫଳ ଫଳିବ; ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ ।
\p
\s5
\v 26 ତୁମ୍ଭେମାନେ ରକ୍ତ ସହିତ କୌଣସି ଦ୍ରବ୍ୟ ଭୋଜନ କରିବ ନାହିଁ; ତୁମ୍ଭେମାନେ ଗଣକତା ବା ଶୁଭାଶୁଭ କହିବାର ବିଦ୍ୟା ବ୍ୟବହାର କରିବ ନାହିଁ ।
\v 27 ତୁମ୍ଭେମାନେ ଆପଣା ଆପଣା ମସ୍ତକର କୋଣସବୁ ଗୋଲାକାର କରିବ ନାହିଁ, କିଅବା ଆପଣା ଆପଣା ଦାଢ଼ିର କୋଣ ମୁଣ୍ଡନ କରିବ ନାହିଁ ।
\v 28 ପୁଣି, ତୁମ୍ଭେମାନେ ମୃତ ଲୋକ ନିମନ୍ତେ ଆପଣା ଆପଣା ଶରୀରରେ ଅସ୍ତ୍ରାଘାତ କରିବ ନାହିଁ, ଅବା ଦେହରେ ଚିତା କୁଟାଇବ ନାହିଁ; ଆମ୍ଭେ ସଦାପ୍ରଭୁ ଅଟୁ ।
\p
\s5
\v 29 ତୁମ୍ଭେ ଆପଣା କନ୍ୟାକୁ ବେଶ୍ୟା କରି ଅପବିତ୍ର କର ନାହିଁ; କଲେ, ଦେଶ ବେଶ୍ୟାବୃତ୍ତିରେ ପତିତ ହେବ ଓ ଦେଶ ଦୁଷ୍ଟତାରେ ପରିପୂର୍ଣ୍ଣ ହେବ ।
\v 30 ତୁମ୍ଭେମାନେ ଆମ୍ଭର ବିଶ୍ରାମ ଦିନ ପାଳନ କରିବ ଓ ଆମ୍ଭର ପବିତ୍ର ସ୍ଥାନକୁ ସମାଦର କରିବ; ଆମ୍ଭେ ସଦାପ୍ରଭୁ ଅଟୁ ।
\s5
\v 31 ତୁମ୍ଭେମାନେ ଭୂତୁଡ଼ିଆ କି ଗୁଣିଆମାନଙ୍କର ଅନୁସରଣ କର ନାହିଁ; ସେମାନଙ୍କ ଦ୍ୱାରା ଅପବିତ୍ର ହେବା ନିମନ୍ତେ ସେମାନଙ୍କର ଅନ୍ୱେଷଣ କର ନାହିଁ; ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଅଟୁ ।
\s5
\v 32 ତୁମ୍ଭେ ପକ୍ୱକେଶ ପ୍ରାଚୀନଙ୍କ ସମ୍ମୁଖରେ ଉଠି ଠିଆ ହେବ ଓ ବୃଦ୍ଧ ଲୋକକୁ ସମାଦର କରିବ; ପୁଣି, ଆପଣା ପରମେଶ୍ୱରଙ୍କୁ ଭୟ କରିବ; ଆମ୍ଭେ ସଦାପ୍ରଭୁ ଅଟୁ ।
\p
\s5
\v 33 ଆଉ, ଯେବେ କୌଣସି ବିଦେଶୀ ତୁମ୍ଭମାନଙ୍କ ଦେଶରେ ତୁମ୍ଭ ସହିତ ବାସ କରେ, ତେବେ ତୁମ୍ଭେମାନେ ତାହା ପ୍ରତି ଉପଦ୍ରବ କରିବ ନାହିଁ ।
\v 34 ଯେପରି ତୁମ୍ଭମାନଙ୍କର ସ୍ୱଦେଶୀୟ ଲୋକ ସେପରି ତୁମ୍ଭମାନଙ୍କ ସହବାସୀ ବିଦେଶୀୟ ଲୋକ ତୁମ୍ଭମାନଙ୍କ ପ୍ରତି ହେବ, ପୁଣି ତୁମ୍ଭେ ତାହାକୁ ଆତ୍ମତୁଲ୍ୟ ପ୍ରେମ କରିବ; କାରଣ ମିସର ଦେଶରେ ତୁମ୍ଭେମାନେ ବିଦେଶୀ ଥିଲ; ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ ।
\s5
\v 35 ତୁମ୍ଭେମାନେ ବିଚାର ଅବା ମାପ ଅବା ତୌଲ କିଅବା ପରିମାଣ ବିଷୟରେ ଅଧର୍ମ କରିବ ନାହିଁ ।
\v 36 ଯଥାର୍ଥ ଦଣ୍ଡି, ଯଥାର୍ଥ ବଟଖରା, ଯଥାର୍ଥ ଐଫା ଓ ଯଥାର୍ଥ ହିନ୍‍, ତୁମ୍ଭମାନଙ୍କର ହେବ; ଯେ ମିସର ଦେଶରୁ ତୁମ୍ଭମାନଙ୍କୁ ବାହାର କରି ଆଣିଲେ, ଆମ୍ଭେ ସେହି ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ ।
\v 37 ଏହେତୁ ତୁମ୍ଭେମାନେ ଆମ୍ଭର ସମସ୍ତ ବିଧି ଓ ଆମ୍ଭର ସମସ୍ତ ଶାସନ ମାନ୍ୟ କରି ପାଳନ କରିବ; ଆମ୍ଭେ ସଦାପ୍ରଭୁ ଅଟୁ ।"
\s5
\c 20
\s ଶିଶୁ ବଳି ଓ ବ୍ୟଭିଚାରର ଦଣ୍ଡ
\p
\v 1 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
\v 2 "ତୁମ୍ଭେ ଇସ୍ରାଏଲ ସନ୍ତାନଗଣକୁ ଆହୁରି କହିବ, ଇସ୍ରାଏଲ ସନ୍ତାନଗଣ ମଧ୍ୟରେ ଅବା ଇସ୍ରାଏଲ ମଧ୍ୟରେ ପ୍ରବାସକାରୀ ବିଦେଶୀମାନଙ୍କ ମଧ୍ୟରୁ କୌଣସି ଲୋକ ଯଦି ଆପଣା ବଂଶର କାହାକୁ ମୋଲକ୍‍ ଦେବତାର ଉଦ୍ଦେଶ୍ୟରେ ପ୍ରଦାନ କରେ, ତେବେ ତାହାର ନିଶ୍ଚୟ ପ୍ରାଣଦଣ୍ଡ ହେବ ଓ ଦେଶୀୟ ଲୋକମାନେ ତାହାକୁ ପଥର ମାରି ବଧ କରିବେ ।
\s5
\v 3 ପୁଣି, ଆମ୍ଭେ ମଧ୍ୟ ସେହି ମନୁଷ୍ୟ ବିରୁଦ୍ଧରେ ଆପଣା ମୁଖ ରଖିବା ଓ ତାହାର ଲୋକମାନଙ୍କ ମଧ୍ୟରୁ ତାହାକୁ ଉଚ୍ଛିନ୍ନ କରିବା; କାରଣ ସେ ଆମ୍ଭର ପବିତ୍ର ସ୍ଥାନ ଅପବିତ୍ର କରିବାକୁ ଓ ଆମ୍ଭର ପବିତ୍ର ନାମ ଅପବିତ୍ର କରିବାକୁ ମୋଲକ୍‍ ଦେବତା ଉଦ୍ଦେଶ୍ୟରେ ଆପଣା ସନ୍ତାନକୁ ଦେଇଅଛି ।
\v 4 ଆଉ, ଯେଉଁ ସମୟରେ ସେହି ଲୋକ ଆପଣା ସନ୍ତାନକୁ ମୋଲକ୍‍ ଦେବତା ଉଦ୍ଦେଶ୍ୟରେ ଉତ୍ସର୍ଗ କରେ, ସେହି ସମୟରେ ଯଦି ଦେଶୀୟ ଲୋକମାନେ କୌଣସି ରୂପେ ତାହା ପ୍ରତି ଚକ୍ଷୁ ବନ୍ଦ କରନ୍ତି ଓ ତାହାକୁ ବଧ ନ କରନ୍ତି,
\v 5 ତେବେ ଆମ୍ଭେ ସେହି ଲୋକ ଓ ତାହାର ପରିବାରକୁ ଦଣ୍ଡ ଦେବା; ପୁଣି, ତାହାକୁ ଓ ମୋଲକ୍‍ ଦେବତା ସହିତ ବ୍ୟଭିଚାର କରିବା ନିମନ୍ତେ ତାହାର ପଶ୍ଚାଦ୍‍ଗାମୀ ବ୍ୟଭିଚାରୀ ସମସ୍ତଙ୍କୁ ସେମାନଙ୍କ ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ କରିବା ।
\s5
\v 6 ଆଉ, ଯେଉଁ ପ୍ରାଣୀ ବ୍ୟଭିଚାର କରିବାକୁ ଭୂତୁଡ଼ିଆ ଓ ଗୁଣିଆ ଲୋକର ପଶ୍ଚାଦ୍‍ଗାମୀ ହୁଏ, ଆମ୍ଭେ ସେହି ପ୍ରାଣୀ ବିରୁଦ୍ଧରେ ଆପଣା ମୁଖ ରଖିବା ଓ ତାହାର ଲୋକମାନଙ୍କ ମଧ୍ୟରୁ ତାହାକୁ ଉଚ୍ଛିନ୍ନ କରିବା ।
\p
\v 7 ଏହେତୁ ତୁମ୍ଭେମାନେ ଆପଣାମାନଙ୍କୁ ପବିତ୍ର କର ଓ ପବିତ୍ର ହୁଅ; କାରଣ ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ ।
\s5
\v 8 ଆହୁରି ତୁମ୍ଭେମାନେ ଆମ୍ଭର ବିଧି ମାନ୍ୟ କରି ପାଳନ କରିବ; ଆମ୍ଭେ ତୁମ୍ଭମାନଙ୍କର ପବିତ୍ରକାରୀ ସଦାପ୍ରଭୁ ଅଟୁ ।
\p
\v 9 ଯେକେହି ଆପଣା ପିତା କି ଆପଣା ମାତାକୁ ଅଭିଶାପ ଦିଏ, ସେ ନିତାନ୍ତ ହତ ହେବ; ସେ ତାହାର ପିତାକୁ କି ତାହାର ମାତାକୁ ଅଭିଶାପ ଦେଇଅଛି; ତାହା ଉପରେ ତାହାର ରକ୍ତ ବର୍ତ୍ତିବ ।
\s5
\v 10 ଆଉ, ଯେକେହି ପରର ଭାର୍ଯ୍ୟା ସହିତ ବ୍ୟଭିଚାର କରେ, ଯେ ଆପଣା ପ୍ରତିବାସୀର ଭାର୍ଯ୍ୟା ସହିତ ବ୍ୟଭିଚାର କରେ, ସେହି ବ୍ୟଭିଚାରୀ ଓ ବ୍ୟଭିଚାରିଣୀ ଦୁହେଁ ନିତାନ୍ତ ହତ ହେବେ ।
\v 11 ପୁଣି, ଯେଉଁ ଲୋକ ଆପଣା ପିତୃଭାର୍ଯ୍ୟା ସହିତ ଶୟନ କରେ, ସେ ଆପଣା ପିତାର ଆବରଣୀୟ ଅନାବୃତ କରିଅଛି; ସେ ଦୁହେଁ ନିତାନ୍ତ ହତ ହେବେ; ସେମାନଙ୍କ ରକ୍ତ ସେମାନଙ୍କ ଉପରେ ବର୍ତ୍ତିବ ।
\v 12 ପୁଣି, ଯଦି କେହି ଆପଣା ପୁତ୍ରବଧୂ ସହିତ ଶୟନ କରେ, ତେବେ ସେ ଦୁହେଁ ନିତାନ୍ତ ହତ ହେବେ; ସେମାନେ ପାଷାଣ୍ଡ କର୍ମ କରିଅଛନ୍ତି; ସେମାନଙ୍କର ରକ୍ତ ସେମାନଙ୍କ ଉପରେ ବର୍ତ୍ତିବ ।
\s5
\v 13 ପୁଣି, ପୁରୁଷ ଯଦି ପୁରୁଷ ସହିତ ସ୍ତ୍ରୀ ତୁଲ୍ୟ ଶୟନ କରେ, ତେବେ ସେ ଦୁହେଁ ଘୃଣାଯୋଗ୍ୟ କର୍ମ କରିଅଛନ୍ତି; ସେମାନେ ନିତାନ୍ତ ହତ ହେବେ; ସେମାନଙ୍କ ରକ୍ତ ସେମାନଙ୍କ ଉପରେ ବର୍ତ୍ତିବ ।
\v 14 ଆଉ, କେହି ଯଦି କୌଣସି ସ୍ତ୍ରୀକୁ ଓ ତାହାର ମାତାକୁ ଗ୍ରହଣ କରେ, ତେବେ ତାହା ଦୁଷ୍ଟତା ଅଟେ; ତୁମ୍ଭମାନଙ୍କ ମଧ୍ୟରେ ଯେପରି ଏପରି ଦୁଷ୍ଟତା ନ ହୁଏ, ଏଥିପାଇଁ ସେ ଓ ସେମାନେ ଉଭୟ ଅଗ୍ନିରେ ଦଗ୍ଧ ହେବେ ।
\p
\s5
\v 15 ପୁଣି, ଯଦି କେହି ପଶୁ ସହିତ ସହବାସ କରେ, ତେବେ ସେ ନିତାନ୍ତ ହତ ହେବ; ପୁଣି ତୁମ୍ଭେମାନେ ସେହି ପଶୁକୁ ମଧ୍ୟ ବଧ କରିବ ।
\v 16 ପୁଣି, କୌଣସି ସ୍ତ୍ରୀ ଯଦି କୌଣସି ପଶୁ ସହିତ ସହବାସ କରିବାକୁ ତାହା ନିକଟକୁ ଯାଇ ତାହା ଆଗରେ ଶୟନ କରେ, ତେବେ ତୁମ୍ଭେ ସେହି ସ୍ତ୍ରୀକୁ ଓ ପଶୁକୁ ବଧ କରିବ; ସେମାନେ ନିତାନ୍ତ ହତ ହେବେ; ସେମାନଙ୍କ ରକ୍ତ ସେମାନଙ୍କ ଉପରେ ବର୍ତ୍ତିବ ।
\s5
\v 17 ଆଉ, ଯଦି କେହି ଆପଣା ଭଗିନୀକୁ, ଅର୍ଥାତ୍‍, ଆପଣା ପିତୃକନ୍ୟା କି ମାତୃକନ୍ୟାକୁ ଗ୍ରହଣ କରେ ଓ ଦୁହେଁ ପରସ୍ପରର ଉଲଙ୍ଗତା ଦେଖନ୍ତି, ତେବେ ତାହା ଲଜ୍ଜାର ବିଷୟ; ସେମାନେ ଆପଣା ଲୋକମାନଙ୍କ ସନ୍ତାନଗଣର ସାକ୍ଷାତରେ ଉଚ୍ଛିନ୍ନ ହେବେ; ସେ ଆପଣା ଭଗିନୀର ଆବରଣୀୟ ଅନାବୃତ କରିଅଛି; ସେ ଆପଣା ଅପରାଧ ବୋହିବ ।
\v 18 ପୁଣି, ଯଦି କେହି ରଜସ୍ୱଳା ସ୍ତ୍ରୀ ସହିତ ଶୟନ କରେ ଓ ତାହାର ଆବରଣୀୟ ଅନାବୃତ କରେ, ତେବେ ସେହି ପୁରୁଷ ତାହାର ଝରଣା ପ୍ରକାଶ କରିବାରୁ ଓ ସେହି ସ୍ତ୍ରୀ ଆପଣା ଝରଣା ଅନାବୃତ କରିବାରୁ, ସେ ଦୁହେଁ ଆପଣା ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେବେ ।
\s5
\v 19 ଆଉ, ତୁମ୍ଭେ ଆପଣା ମାଉସୀର ବା ପିଉସୀର ଆବରଣୀୟ ଅନାବୃତ କରିବ ନାହିଁ; ତାହା କଲେ, ଆପଣା ନିକଟବର୍ତ୍ତୀ କୁଟୁମ୍ବର ଆବରଣୀୟ ଅନାବୃତ କରାଯାଏ । ସେମାନେ ଆପଣା ଆପଣା ଅପରାଧ ବୋହିବେ ।
\v 20 ଆଉ, ଯଦି କେହି ଆପଣା ପିତୃବ୍ୟପତ୍ନୀ ସହିତ ଶୟନ କରେ, ତେବେ ସେ ଆପଣା ପିତୃବ୍ୟର ଆବରଣୀୟ ଅନାବୃତ କରିଅଛି; ସେମାନେ ଆପଣା ଆପଣା ଅପରାଧ ବୋହିବେ; ସେମାନେ ନିଃସନ୍ତାନ ହୋଇ ମରିବେ ।
\v 21 ପୁଣି, ଯଦି କେହି ଆପଣା ଭ୍ରାତୃଭାର୍ଯ୍ୟାକୁ ଗ୍ରହଣ କରେ, ତେବେ ତାହା ଅଶୁଚି କର୍ମ; ସେ ଆପଣା ଭ୍ରାତାର ଆବରଣୀୟ ଅନାବୃତ କରିଅଛି; ସେମାନେ ନିଃସନ୍ତାନ ହେବେ ।
\s ତୁମ୍ଭେ ପବିତ୍ର ହେବ
\p
\s5
\v 22 ଏଥିନିମନ୍ତେ ତୁମ୍ଭେମାନେ ଆମ୍ଭର ସମସ୍ତ ବିଧି ଓ ଆମ୍ଭର ସମସ୍ତ ଆଜ୍ଞା ମାନ୍ୟ କରି ପାଳନ କରିବ; ତହିଁରେ ଆମ୍ଭେ ଯେଉଁ ଦେଶରେ ବାସ କରିବା ନିମନ୍ତେ ତୁମ୍ଭମାନଙ୍କୁ ନେଇ ଯାଉଅଛୁ, ସେହି ଦେଶ ତୁମ୍ଭମାନଙ୍କୁ ଉଦ୍‍ଗାର କରିବ ନାହିଁ ।
\v 23 ପୁଣି, ଆମ୍ଭେ ତୁମ୍ଭମାନଙ୍କ ସମ୍ମୁଖରୁ ଯେଉଁ ଦେଶୀୟ ଲୋକମାନଙ୍କୁ ଦୂର କରୁଅଛୁ, ସେମାନଙ୍କ ଆଚରଣ ଅନୁସାରେ ତୁମ୍ଭେମାନେ ଚ଼ାଲିବ ନାହିଁ; କାରଣ ସେମାନେ ସେହିସବୁ ଦୁଷ୍କର୍ମ କଲେ, ଏଣୁକରି ଆମ୍ଭେ ସେମାନଙ୍କୁ ଘୃଣା କଲୁ ।
\s5
\v 24 ମାତ୍ର ଆମ୍ଭେ ତୁମ୍ଭମାନଙ୍କୁ କହିଅଛୁ, ତୁମ୍ଭେମାନେ ସେମାନଙ୍କ ଦେଶ ଅଧିକାର କରିବ; ଆଉ, ଆମ୍ଭେ ଅଧିକାର ନିମନ୍ତେ ତୁମ୍ଭମାନଙ୍କୁ ସେହି ଦୁଗ୍ଧ ଓ ମଧୁ ପ୍ରବାହୀ ଦେଶ ଦେବା; ଯେ ଅନ୍ୟ ଲୋକଙ୍କଠାରୁ ତୁମ୍ଭମାନଙ୍କୁ ପୃଥକ୍ କରିଅଛନ୍ତି, ଆମ୍ଭେ ସେହି ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ ।
\p
\v 25 ଏହେତୁ ତୁମ୍ଭେମାନେ ଶୁଚି ଓ ଅଶୁଚି ପଶୁ ପୁଣି ଶୁଚି ଓ ଅଶୁଚି ପକ୍ଷୀ ମଧ୍ୟରେ ପୃଥକ୍ କରିବ; ଆମ୍ଭେ ଯେଉଁ ଯେଉଁ ପଶୁ, ପକ୍ଷୀ ଓ ଭୂଚର ଜନ୍ତୁକୁ ଅଶୁଚି ବୋଲି ତୁମ୍ଭମାନଙ୍କଠାରୁ ପୃଥକ୍ କରିଅଛୁ, ତଦ୍ଦ୍ୱାରା ଆପଣା ଆପଣା ପ୍ରାଣକୁ ଘୃଣାଯୋଗ୍ୟ କରିବ ନାହିଁ ।
\s5
\v 26 ପୁଣି, ତୁମ୍ଭେମାନେ ଆମ୍ଭ ଉଦ୍ଦେଶ୍ୟରେ ପବିତ୍ର ହେବ; କାରଣ ଆମ୍ଭେ ସଦାପ୍ରଭୁ ପବିତ୍ର ଅଟୁ । ଆଉ, ତୁମ୍ଭେମାନେ ଯେପରି ଆମ୍ଭର ହେବ, ଏଥିପାଇଁ ଆମ୍ଭେ ଅନ୍ୟ ଲୋକଙ୍କଠାରୁ ତୁମ୍ଭମାନଙ୍କୁ ପୃଥକ୍ କରିଅଛୁ ।
\s5
\v 27 ଆଉ, ପୁରୁଷ ଅବା ସ୍ତ୍ରୀ ଯେକେହି ଭୂତୁଡ଼ିଆ ଅବା ଗୁଣିଆ ହୁଏ, ସେ ନିତାନ୍ତ ହତ ହେବ; ଲୋକମାନେ ସେମାନଙ୍କୁ ପଥର ମାରି ବଧ କରିବେ; ସେମାନଙ୍କ ରକ୍ତ ସେମାନଙ୍କ ଉପରେ ବର୍ତ୍ତିବ ।"
\s5
\c 21
\s ଯାଜକମାନଙ୍କର ପବିତ୍ରତା
\p
\v 1 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, "ତୁମ୍ଭେ ହାରୋଣର ପୁତ୍ର ଯାଜକଗଣଙ୍କୁ କୁହ, ଆପଣା ଲୋକମାନଙ୍କ ମଧ୍ୟରୁ ମୃତ କୌଣସି ଲୋକ ସକାଶୁ ସେମାନଙ୍କର କେହି ଆପଣାକୁ ଅଶୁଚି କରିବ ନାହିଁ ।
\v 2 କେବଳ ଆପଣାର ନିକଟ ଜ୍ଞାତି, ଅର୍ଥାତ୍‍, ଆପଣା ମାତା, ଆପଣା ପିତା, ଆପଣା ପୁତ୍ର, ଆପଣା କନ୍ୟା ଓ ଆପଣା ଭ୍ରାତା ନିମନ୍ତେ ଅଶୁଚି ହେବ ।
\v 3 ପୁଣି, ଯେଉଁ ନିକଟସ୍ଥ ଭଗିନୀର ସ୍ୱାମୀ ହୋଇ ନାହିଁ, ଏପରି ଅବିବାହିତା ଭଗିନୀ ସକାଶୁ ସେ ଆପଣାକୁ ଅଶୁଚି କରି ପାରିବ ।
\s5
\v 4 ସେ ଆପଣା ଲୋକମାନଙ୍କ ମଧ୍ୟରେ ସ୍ୱାମୀ ହେବାରୁ ଆପଣାକୁ ଅପବିତ୍ର କରିବା ପାଇଁ ଅଶୁଚି ହେବ ନାହିଁ ।
\v 5 ସେମାନେ ଆପଣା ଆପଣା ମସ୍ତକ ମୁଣ୍ଡନ କରିବେ ନାହିଁ ଓ ଆପଣା ଆପଣା ଦାଢ଼ିର କୋଣ କ୍ଷୌର କରିବେ ନାହିଁ, କିଅବା ଆପଣା ଆପଣା ଶରୀରରେ ଅସ୍ତ୍ରାଘାତ କରିବେ ନାହିଁ ।
\v 6 ସେମାନେ ଆପଣାମାନଙ୍କ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ପବିତ୍ର ହେବେ ଓ ଆପଣାମାନଙ୍କ ପରମେଶ୍ୱରଙ୍କ ନାମ ଅପବିତ୍ର କରିବେ ନାହିଁ; କାରଣ ସେମାନେ ସଦାପ୍ରଭୁଙ୍କ ଅଗ୍ନିକୃତ ଉପହାର, ଅର୍ଥାତ୍‍, ଆପଣାମାନଙ୍କ ପରମେଶ୍ୱରଙ୍କ ଭକ୍ଷ୍ୟ ଉତ୍ସର୍ଗ କରନ୍ତି; ଏହେତୁ ସେମାନେ ପବିତ୍ର ହେବେ ।
\p
\s5
\v 7 ସେମାନେ ବେଶ୍ୟାକୁ ଅବା କଳଙ୍କିନୀକୁ ବିବାହ କରିବେ ନାହିଁ ଓ ସ୍ୱାମୀତ୍ୟକ୍ତା ସ୍ତ୍ରୀକୁ ବିବାହ କରିବେ ନାହିଁ, କାରଣ ସେ ଆପଣା ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ପବିତ୍ର ।
\v 8 ଏହେତୁ ତୁମ୍ଭେ ତାହାକୁ ପବିତ୍ର କରିବ; କାରଣ ସେ ତୁମ୍ଭ ପରମେଶ୍ୱରଙ୍କ ଭକ୍ଷ୍ୟ ଉତ୍ସର୍ଗ କରେ; ସେ ତୁମ୍ଭ ନିକଟରେ ପବିତ୍ର ହେବ; କାରଣ ତୁମ୍ଭମାନଙ୍କୁ ପବିତ୍ର କରୁ ଯେ ସଦାପ୍ରଭୁ ଆମ୍ଭେ, ଆମ୍ଭେ ପବିତ୍ର ଅଟୁ ।
\v 9 ଆଉ, କୌଣସି ଯାଜକର କନ୍ୟା ଯଦି ବ୍ୟଭିଚାର କ୍ରିୟା ଦ୍ୱାରା ଆପଣାକୁ ଅପବିତ୍ର କରେ, ତେବେ ସେ ଆପଣା ପିତାକୁ ଅପବିତ୍ର କରେ; ସେ ଅଗ୍ନିରେ ପୋଡ଼ାଯିବ ।
\p
\s5
\v 10 ଆଉ, ଆପଣା ଭ୍ରାତାମାନଙ୍କ ମଧ୍ୟରୁ ଯେଉଁ ଜନ ପ୍ରଧାନ ଯାଜକ ହୋଇଅଛି, ଯାହାର ମସ୍ତକରେ ଅଭିଷେକାର୍ଥକ ତୈଳ ଢଳା ଯାଇଅଛି ଓ ଯେ ପବିତ୍ର ବସ୍ତ୍ର ପରିଧାନ କରିବା ପାଇଁ ପଦରେ ନିଯୁକ୍ତ ହୋଇଅଛି, ସେ ଆପଣା ମସ୍ତକର କେଶ ମୁକୁଳା କରିବ ନାହିଁ ଓ ଆପଣା ବସ୍ତ୍ର ଚିରିବ ନାହିଁ ।
\v 11 କିଅବା ସେ ଗୃହ ଭିତରେ ଶବ ନିକଟକୁ ଯିବ ନାହିଁ, ଅବା ଆପଣା ପିତା ବା ଆପଣା ମାତା ସକାଶୁ ଆପଣାକୁ ଅଶୁଚି କରିବ ନାହିଁ ।
\v 12 ଅଥବା ପବିତ୍ର ସ୍ଥାନରୁ ବାହାରିବ ନାହିଁ, ଅବା ଆପଣା ପରମେଶ୍ୱରଙ୍କ ପବିତ୍ର ସ୍ଥାନକୁ ଅପବିତ୍ର କରିବ ନାହିଁ; କାରଣ ତାହାର ପରମେଶ୍ୱରଙ୍କ ଅଭିଷେକାର୍ଥକ ତୈଳରୂପ ମୁକୁଟ ତାହା ଉପରେ ଅଛି; ଆମ୍ଭେ ସଦାପ୍ରଭୁ ଅଟୁ ।
\p
\s5
\v 13 ପୁଣି, ସେ କେବଳ ଅନୂଢ଼ାକୁ ବିବାହ କରିବ;
\v 14 ବିଧବା, ତ୍ୟକ୍ତା, କଳଙ୍କିନୀ କିଅବା ବେଶ୍ୟାକୁ ବିବାହ କରିବ ନାହିଁ; ମାତ୍ର ସେ ଆପଣା ଲୋକମାନଙ୍କ ମଧ୍ୟରୁ କୌଣସି ଏକ କନ୍ୟାକୁ ବିବାହ କରିବ ।
\v 15 ଆଉ, ସେ ଆପଣା ଲୋକମାନଙ୍କ ମଧ୍ୟରେ ଆପଣା ବଂଶ ଅପବିତ୍ର କରିବ ନାହିଁ, କାରଣ ଆମ୍ଭେ ସଦାପ୍ରଭୁ ତାହାକୁ ପବିତ୍ର କରୁ ।"
\p
\s5
\v 16 ଆହୁରି ସଦାପ୍ରଭୁ ମୋଶାଙ୍କୁ କହିଲେ,
\v 17 “ତୁମ୍ଭେ ହାରୋଣକୁ କୁହ, ପୁରୁଷାନୁକ୍ରମେ ତୁମ୍ଭ ବଂଶ ମଧ୍ୟରେ ଯାହାର ଶରୀରରେ ଖୁଣ ଥାଏ, ସେ ଆପଣା ପରମେଶ୍ୱରଙ୍କ ଭକ୍ଷ୍ୟଦ୍ରବ୍ୟ ଉତ୍ସର୍ଗ କରିବା ପାଇଁ ନିକଟକୁ ଯିବ ନାହିଁ ।
\s5
\v 18 ଯେକୌଣସି ଲୋକର ଖୁଣ ଅଛି, ସେ ନିକଟବର୍ତ୍ତୀ ହେବ ନାହିଁ; ବିଶେଷରେ ଅନ୍ଧ ଲୋକ, ଛୋଟା, ଯାହାର ନାକ ବିକୃତ, ଅଧିକ ଅଙ୍ଗ,
\v 19 ଭଗ୍ନପାଦ, ଭଗ୍ନହସ୍ତ,
\v 20 କୁଜା, ବାମନ, ଅବା ଯାହାର ଚକ୍ଷୁରେ ଖୁଣ ଅଛି, ଜାଦୁ ରୋଗୀ, କାଛୁ ରୋଗୀ, ଭଗ୍ନକୋଷ;
\v 21 ଏପରି ଖୁଣବିଶିଷ୍ଟ ଯେଉଁ ପୁରୁଷ ହାରୋଣ ଯାଜକଙ୍କର ବଂଶ ମଧ୍ୟରେ ଥାଏ, ସେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ଉତ୍ସର୍ଗ କରିବା ପାଇଁ ନିକଟକୁ ଯିବ ନାହିଁ; ତାହାର ଖୁଣ ଅଛି; ସେ ଆପଣା ପରମେଶ୍ୱରଙ୍କ ଭକ୍ଷ୍ୟ ଉତ୍ସର୍ଗ କରିବା ପାଇଁ ନିକଟକୁ ଆସିବ ନାହିଁ ।
\s5
\v 22 ସେ ଆପଣା ପରମେଶ୍ୱରଙ୍କର ମହାପବିତ୍ର ବା ପବିତ୍ର ଭକ୍ଷ୍ୟ ଭୋଜନ କରିବ ।
\v 23 ମାତ୍ର ବିଚ୍ଛେଦ ବସ୍ତ୍ରର ଭିତରକୁ ଯିବ ନାହିଁ, କିଅବା ବେଦି ନିକଟକୁ ଆସିବ ନାହିଁ, କାରଣ ତାହାର ଖୁଣ ଅଛି; ସେ ଆମ୍ଭର ପବିତ୍ର ସ୍ଥାନସକଳ ଅପବିତ୍ର କରିବ ନାହିଁ; କାରଣ ଆମ୍ଭେ ସଦାପ୍ରଭୁ ସେହି ସମସ୍ତ ପବିତ୍ର କରୁ ।
\v 24 ଏହି ପ୍ରକାରେ ମୋଶା ହାରୋଣଙ୍କୁ ଓ ତାଙ୍କର ପୁତ୍ରଗଣଙ୍କୁ ଓ ସମସ୍ତ ଇସ୍ରାଏଲ ସନ୍ତାନଗଣଙ୍କୁ ଏହି କଥା କହିଲେ ।”
\s5
\c 22
\p
\v 1 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
\v 2 "ତୁମ୍ଭେ ହାରୋଣକୁ ଓ ତାହାର ପୁତ୍ରଗଣଙ୍କୁ କୁହ, ତୁମ୍ଭେମାନେ ଇସ୍ରାଏଲ ସନ୍ତାନଗଣର ପବିତ୍ରୀକୃତ ଦ୍ରବ୍ୟ ବିଷୟରେ ସାବଧାନ ହୁଅ, ସେମାନେ ଆମ୍ଭ ଉଦ୍ଦେଶ୍ୟରେ ଯାହା ପବିତ୍ର କରନ୍ତି, ତଦ୍ଦ୍ୱାରା ଆମ୍ଭର ପବିତ୍ର ନାମକୁ ଅପବିତ୍ର କରିବେ ନାହିଁ; ଆମ୍ଭେ ସଦାପ୍ରଭୁ ଅଟୁ ।
\v 3 ତୁମ୍ଭେ ସେମାନଙ୍କୁ କୁହ, ପୁରୁଷାନୁକ୍ରମେ ତୁମ୍ଭମାନଙ୍କ ବଂଶ ମଧ୍ୟରେ ଯେକେହି ଅଶୁଚି ହୋଇ ଇସ୍ରାଏଲ ସନ୍ତାନଗଣ ଦ୍ୱାରା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ରୀକୃତ ଦ୍ରବ୍ୟ ନିକଟକୁ ଯିବ, ସେ ପ୍ରାଣୀ ଆମ୍ଭ ସମ୍ମୁଖରୁ ଉଚ୍ଛିନ୍ନ ହେବ; ଆମ୍ଭେ ସଦାପ୍ରଭୁ ଅଟୁ ।
\p
\s5
\v 4 ପୁଣି, ହାରୋଣ ବଂଶର ଯେକେହି କୁଷ୍ଠୀ ଅବା ପ୍ରମେହୀ ହୁଏ, ସେ ଶୁଚି ନ ହେବା ପର୍ଯ୍ୟନ୍ତ ପବିତ୍ର ଦ୍ରବ୍ୟ ଭୋଜନ କରିବ ନାହିଁ । ଯେକେହି ଶବ ଦ୍ୱାରା ଅଶୁଚି ହୋଇଥିବା କୌଣସି ଦ୍ରବ୍ୟକୁ, ଅବା ଯାହାର ବୀର୍ଯ୍ୟପାତ ହେଉଥାଏ, ଏପରି କୌଣସି ମନୁଷ୍ୟକୁ ଛୁଇଁବ;
\v 5 ଅଥବା ଯାହା ଦ୍ୱାରା ସେ ଅଶୁଚି ହୋଇପାରେ, ଏପରି କୌଣସି ଉରୋଗାମୀ ଜନ୍ତୁକୁ, କି କୌଣସି ପ୍ରକାର ଅଶୁଚି ମନୁଷ୍ୟକୁ ଛୁଇଁବ,
\v 6 ସେହି ସ୍ପର୍ଶକାରୀ ବ୍ୟକ୍ତି ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ; ଆଉ, ସେ ଜଳରେ ଆପଣା ଶରୀର ନ ଧୋଇଲେ ପବିତ୍ର ଦ୍ରବ୍ୟ ଭୋଜନ କରିବ ନାହିଁ ।
\s5
\v 7 ତହିଁ ଉତ୍ତାରେ ସୂର୍ଯ୍ୟ ଅସ୍ତ ହେଲେ, ସେ ଶୁଚି ହୋଇ ପବିତ୍ର ଦ୍ରବ୍ୟ ଭୋଜନ କରିବ, କାରଣ ତାହା ତାହାର ଖାଦ୍ୟ ଅଟେ ।
\v 8 ସେ ଆପଣାକୁ ଅଶୁଚି କରିବା ନିମନ୍ତେ ସ୍ୱୟଂମୃତ ବା ପଶୁ ଦ୍ୱାରା ବିଦୀର୍ଣ୍ଣ ଜନ୍ତୁର ମାଂସ ଭୋଜନ କରିବ ନାହିଁ; ଆମ୍ଭେ ସଦାପ୍ରଭୁ ଅଟୁ ।
\v 9 ଏହେତୁ ସେମାନେ ଆମ୍ଭର ବିଧି ମାନ୍ୟ କରି ପାଳନ କରିବେ; ନୋହିଲେ, ଯେବେ ସେମାନେ ତାହା ଅପବିତ୍ର କରନ୍ତି, ତେବେ ତହିଁ ସକାଶୁ ଆପଣା ଆପଣା ଅପରାଧ ବୋହିବ ଓ ତହିଁରେ ମରିବେ; ଯେ ସେମାନଙ୍କୁ ପବିତ୍ର କରନ୍ତି, ସେହି ସଦାପ୍ରଭୁ ଆମ୍ଭେ ।
\p
\s5
\v 10 ଆଉ, ଭିନ୍ନ ବଂଶୀୟ କୌଣସି ଲୋକ ପବିତ୍ର ଦ୍ରବ୍ୟ ଭୋଜନ କରିବ ନାହିଁ; ଯାଜକର ଗୃହରେ ପ୍ରବାସୀ ଅବା ବର୍ତ୍ତନଜୀବୀ ଦାସ ପବିତ୍ର ଦ୍ରବ୍ୟ ଭୋଜନ କରିବ ନାହିଁ ।
\v 11 ମାତ୍ର ଯାଜକ ଯଦି କୌଣସି ପ୍ରାଣୀକୁ କ୍ରୟ କରେ, ତେବେ ତାହାର ରୂପାରେ କ୍ରୟ କରାଯାଇଥିବା ସେହି ଲୋକ ତାହା ଭୋଜନ କରିବ; ପୁଣି, ତାହାର ଗୃହରେ ଜନ୍ମ ହୋଇଥିବା ଲୋକମାନେ ତାହାର ଅନ୍ନ ଭୋଜନ କରିବେ ।
\s5
\v 12 ଆଉ ଯାଜକର କନ୍ୟା ଯଦି କୌଣସି ଭିନ୍ନ ବଂଶୀୟ ଲୋକ ସହିତ ବିବାହିତା ହୁଏ, ତେବେ ସେ ପବିତ୍ର ଦ୍ରବ୍ୟାଦି ମଧ୍ୟରୁ ଉତ୍ତୋଳନୀୟ ନୈବେଦ୍ୟ ଭୋଜନ କରିବ ନାହିଁ ।
\v 13 ମାତ୍ର ଯାଜକର କନ୍ୟା ଯଦି ବିଧବା କି ତ୍ୟକ୍ତା ହୋଇ ନିଃସନ୍ତାନ ହୋଇଥାଏ ଓ ପୁନର୍ବାର ଆସି ବାଲ୍ୟାବସ୍ଥା ତୁଲ୍ୟ ପିତୃଗୃହରେ ବାସ କରେ, ତେବେ ସେ ଆପଣା ପିତାର ଅନ୍ନ ଭୋଜନ କରିବ; ମାତ୍ର ଭିନ୍ନ ବଂଶୀୟ ଲୋକ ତାହା ଭୋଜନ କରିବ ନାହିଁ ।
\p
\s5
\v 14 ଆଉ, ଯଦି କେହି ଅଜ୍ଞାତସାରରେ ପବିତ୍ର ଦ୍ରବ୍ୟ ଭୋଜନ କରେ, ତେବେ ସେ ତହିଁର ପଞ୍ଚମାଂଶ ଅଧିକା କରି ଯାଜକକୁ ପବିତ୍ର ଦ୍ରବ୍ୟ ଦେବ ।
\v 15 ଏହିରୂପେ ଇସ୍ରାଏଲ ସନ୍ତାନଗଣ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଯେଉଁ ଯେଉଁ ପବିତ୍ର ଦ୍ରବ୍ୟ ଉତ୍ସର୍ଗ କରନ୍ତି, ସେମାନେ ତାହା ସବୁ ଅପବିତ୍ର କରିବେ ନାହିଁ ।
\v 16 ପୁଣି, ସେମାନେ ଆପଣାମାନଙ୍କର ପବିତ୍ର ଦ୍ରବ୍ୟ ଭୋଜନ କରି ଦୋଷଜନକ ଅପରାଧ ବହନ କରିବେ ନାହିଁ; କାରଣ ଯେ ସେମାନଙ୍କୁ ପବିତ୍ର କରନ୍ତି, ସେହି ସଦାପ୍ରଭୁ ଆମ୍ଭେ ଅଟୁ ।"
\s ଗ୍ରହଣୀୟ ନୈବେଦ୍ୟ
\p
\s5
\v 17 ଆହୁରି ସଦାପ୍ରଭୁ ମୋଶାଙ୍କୁ କହିଲେ,
\v 18 "ତୁମ୍ଭେ ହାରୋଣକୁ ଓ ତାହାର ପୁତ୍ରଗଣଙ୍କୁ ଓ ଇସ୍ରାଏଲର ସମସ୍ତ ସନ୍ତାନଗଣକୁ କୁହ, ଇସ୍ରାଏଲ ବଂଶ କିଅବା ଇସ୍ରାଏଲ ମଧ୍ୟରେ ବିଦେଶୀମାନଙ୍କ ମଧ୍ୟରୁ ଯେଉଁମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମବଳି ନିମନ୍ତେ ମାନତପୂର୍ବକ ବା ସ୍ଵେଚ୍ଛାପୂର୍ବକ କୌଣସି ଉପହାର ଆଣନ୍ତି,
\v 19 ସେମାନେ ଗ୍ରାହ୍ୟ ହେବା ନିମନ୍ତେ ଗୋରୁ କି ମେଷ କି ଛାଗ ମଧ୍ୟରୁ ନିଖୁନ୍ତ ପୁଂ ପଶୁ ଉତ୍ସର୍ଗ କରିବେ ।
\s5
\v 20 ମାତ୍ର ଯାହାର ଖୁଣ ଥାଏ, ତାକୁ ତୁମ୍ଭେମାନେ ଉତ୍ସର୍ଗ କରିବ ନାହିଁ; କାରଣ ତାହା ତୁମ୍ଭମାନଙ୍କ ପକ୍ଷରେ ଗ୍ରାହ୍ୟ ହେବ ନାହିଁ ।
\p
\v 21 ଆଉ, କୌଣସି ଲୋକ ଯଦି ମାନତ ସିଦ୍ଧି ନିମନ୍ତେ ଅବା ସ୍ଵେଚ୍ଛାଦତ୍ତ ଉପହାର ନିମନ୍ତେ ଗୋଠରୁ (ଗାଈଗୋରୁ ପଲ) ଅବା ପଲରୁ (ମେଷ, ଛାଗ ପଲ) ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କରେ, ତେବେ ତାହା ଗ୍ରାହ୍ୟ ହେବା ନିମନ୍ତେ ନିଖୁନ୍ତ ହେବ; ତାହାଠାରେ କୌଣସି ଖୁଣ ନ ଥିବ ।
\s5
\v 22 ଅନ୍ଧ, ଭଗ୍ନ, ଛୋଟା, ଆବୁଆ, ଜାଦୁଆ କି ଖାରସ୍ତିଆ, ଏମାନଙ୍କୁ ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବ ନାହିଁ, କିଅବା ସେମାନଙ୍କୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ରୂପେ ବେଦି ଉପରେ ଉତ୍ସର୍ଗ କରିବ ନାହିଁ ।
\v 23 ତୁମ୍ଭେ ଅଧିକ ଅଙ୍ଗ କି ହୀନାଙ୍ଗ ଗୋରୁ କି ମେଷ ସ୍ଵେଚ୍ଛାଦତ୍ତ ଉପହାର ରୂପେ ଉତ୍ସର୍ଗ କରି ପାର; ମାତ୍ର ମାନତ ନିମନ୍ତେ ତାହା ଗ୍ରାହ୍ୟ ହେବ ନାହିଁ ।
\s5
\v 24 ଆଉ, ଯାହାର କୋଷ ମଳା, ଛେଚା, ଭଙ୍ଗା, କଟା, ଏପରି (ପଶୁ) ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବ ନାହିଁ; କିଅବା ତୁମ୍ଭେମାନେ ଆପଣା ଦେଶରେ ଏପରି ବଳି ଉତ୍ସର୍ଗ କରିବ ନାହିଁ ।
\v 25 କିଅବା ବିଦେଶୀର ହସ୍ତରୁ ଏହିସବୁରୁ କିଛି ଆପଣାମାନଙ୍କ ପରମେଶ୍ୱରଙ୍କର ଭକ୍ଷ୍ୟ ରୂପେ ଉତ୍ସର୍ଗ କରିବ ନାହିଁ; କାରଣ ସେମାନଙ୍କର ନଷ୍ଟତା ସେମାନଙ୍କଠାରେ ଅଛି, ସେମାନଙ୍କଠାରେ ଖୁଣ ଅଛି; ସେମାନେ ତୁମ୍ଭମାନଙ୍କ ପକ୍ଷରେ ଗ୍ରାହ୍ୟ ହେବେ ନାହିଁ ।"
\p
\s5
\v 26 ଆଉ, ସଦାପ୍ରଭୁ ମୋଶାଙ୍କୁ କହିଲେ,
\v 27 "ଗୋରୁ କି ମେଷ କି ଛାଗ ଜନ୍ମିଲା ଉତ୍ତାରେ ସାତ ଦିନ ପର୍ଯ୍ୟନ୍ତ ମାତା ସହିତ ରହିବ; ପୁଣି, ଅଷ୍ଟମ ଦିନଠାରୁ ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ନିମନ୍ତେ ଗ୍ରାହ୍ୟ ହେବ ।
\s5
\v 28 ଆଉ, ଗୋରୁ କି ମେଷୀ ହେଉ, ତାହାକୁ ଓ ତାହାର ଛୁଆକୁ ଏକାଦିନେ ଦୁହିଁଙ୍କୁ ବଧ କରିବ ନାହିଁ ।
\v 29 ତୁମ୍ଭେମାନେ ଯେଉଁ ସମୟରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପ୍ରଶଂସାର୍ଥକ ବଳି ଉତ୍ସର୍ଗ କରିବ, ସେହି ସମୟରେ ତୁମ୍ଭେମାନେ ଗ୍ରାହ୍ୟ ହେବା ନିମନ୍ତେ ତାହା କରିବ ।
\v 30 ସେହି ଦିନ ତାହା ଭୋଜନ କରାଯିବ; ତୁମ୍ଭେମାନେ ପ୍ରଭାତ ପର୍ଯ୍ୟନ୍ତ ତହିଁରୁ କିଛି ଅବଶିଷ୍ଟ ରଖିବ ନାହିଁ; ଆମ୍ଭେ ସଦାପ୍ରଭୁ ଅଟୁ ।
\p
\s5
\v 31 ଏଥିନିମନ୍ତେ ତୁମ୍ଭେମାନେ ଆମ୍ଭର ଆଜ୍ଞା ମାନ୍ୟ କରି ପାଳନ କରିବ; ଆମ୍ଭେ ସଦାପ୍ରଭୁ ଅଟୁ ।
\v 32 ଆଉ, ତୁମ୍ଭେମାନେ ଆମ୍ଭର ପବିତ୍ର ନାମ ଅପବିତ୍ର କରିବ ନାହିଁ; ମାତ୍ର ଆମ୍ଭେ ଇସ୍ରାଏଲ ସନ୍ତାନଗଣ ମଧ୍ୟରେ ପବିତ୍ର ରୂପେ ମାନ୍ୟ ହେବା ।
\v 33 ଯେ ତୁମ୍ଭମାନଙ୍କୁ ପବିତ୍ର କରନ୍ତି, ଯେ ତୁମ୍ଭମାନଙ୍କର ପରମେଶ୍ୱର ହେବା ନିମନ୍ତେ ତୁମ୍ଭମାନଙ୍କୁ ମିସର ଦେଶରୁ ବାହାର କରି ଆଣିଲେ, ସେହି ସଦାପ୍ରଭୁ ଆମ୍ଭେ; ଆମ୍ଭେ ସଦାପ୍ରଭୁ ଅଟୁ ।"
\s5
\c 23
\s ସଦାପ୍ରଭୁଙ୍କ ପର୍ବ
\p
\v 1 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
\v 2 "ତୁମ୍ଭେ ଇସ୍ରାଏଲ ସନ୍ତାନଗଣକୁ କୁହ, ତୁମ୍ଭେମାନେ ସଦାପ୍ରଭୁଙ୍କର ଯେଉଁ ସକଳ ନିରୂପିତ ପର୍ବ ପବିତ୍ର ସଭା ବୋଲି ଘୋଷଣା କରିବ, ଆମ୍ଭର ସେହି ସକଳ ପର୍ବ ଏହି ।
\s ବିଶ୍ରାମ ଦିନ
\p
\s5
\v 3 ଛଅ ଦିନ କର୍ମ କରାଯିବ; ମାତ୍ର ସପ୍ତମ ଦିନ ମହାବିଶ୍ରାମ, ଅର୍ଥାତ୍‍, ପବିତ୍ର ସଭା ହେବ; ତୁମ୍ଭେମାନେ କୌଣସି ପ୍ରକାର କର୍ମ କରିବ ନାହିଁ; ତାହା ତୁମ୍ଭମାନଙ୍କର ସମସ୍ତ ନିବାସ ସ୍ଥାନରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବିଶ୍ରାମ ଦିନ ହେବ ।
\s5
\v 4 ତୁମ୍ଭେମାନେ ନିରୂପିତ ସମୟରେ ସଦାପ୍ରଭୁଙ୍କ ସ୍ଥାପିତ ପର୍ବ, ଅର୍ଥାତ୍‍, ପବିତ୍ର ସଭା ବୋଲି ଯାହା ଘୋଷଣା କରିବ, ତାହା ଏହି ।
\s ନିସ୍ତାର ପର୍ବ
\p
\v 5 ପ୍ରଥମ ମାସରେ, ମାସର ଚତୁର୍ଦ୍ଦଶ ଦିନର ସନ୍ଧ୍ୟା ସମୟରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନିସ୍ତାର ପର୍ବ ହେବ ।
\v 6 ପୁଣି, ସେହି ମାସର ପଞ୍ଚଦଶ ଦିନରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତାଡ଼ିଶୂନ୍ୟ ରୁଟିର ପର୍ବ ହେବ; ସାତ ଦିନ ଯାଏ ତୁମ୍ଭେମାନେ ତାଡ଼ିଶୂନ୍ୟ ରୁଟି ଭୋଜନ କରିବ ।
\s5
\v 7 ପ୍ରଥମ ଦିନ ତୁମ୍ଭମାନଙ୍କର ପବିତ୍ର ସଭା ହେବ; ତୁମ୍ଭେମାନେ କୌଣସି ବ୍ୟବସାୟ କର୍ମ କରିବ ନାହିଁ ।
\v 8 ମାତ୍ର ତୁମ୍ଭେମାନେ ସାତ ଦିନ ପର୍ଯ୍ୟନ୍ତ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ଉତ୍ସର୍ଗ କରିବ; ସପ୍ତମ ଦିନରେ ପବିତ୍ର ସଭା ହେବ; ତୁମ୍ଭେମାନେ କୌଣସି ବ୍ୟବସାୟ କର୍ମ କରିବ ନାହିଁ ।"
\s ପ୍ରଥମ ଫଳର ପର୍ବ
\p
\s5
\v 9 ଆହୁରି ସଦାପ୍ରଭୁ ମୋଶାଙ୍କୁ କହିଲେ,
\v 10 "ତୁମ୍ଭେ ଇସ୍ରାଏଲ ସନ୍ତାନଗଣକୁ କୁହ, ଆମ୍ଭେ ତୁମ୍ଭମାନଙ୍କୁ ଯେଉଁ ଦେଶ ଦେବା, ସେହି ଦେଶରେ ପ୍ରବେଶ କରି ଯେତେବେଳେ ତୁମ୍ଭେମାନେ ଶସ୍ୟ କାଟିବ, ସେତେବେଳେ ତୁମ୍ଭମାନଙ୍କର ପ୍ରଥମ କଟା ଶସ୍ୟର ଏକ ବିଡ଼ା ଯାଜକ ନିକଟକୁ ଆଣିବ ।
\v 11 ତହିଁରେ ତୁମ୍ଭମାନଙ୍କ ପକ୍ଷରେ ଗ୍ରାହ୍ୟ ହେବା ନିମନ୍ତେ ସଦାପ୍ରଭୁଙ୍କ ସମ୍ମୁଖରେ ସେହି ବିଡ଼ା ଦୋଳାଇବ; ବିଶ୍ରାମବାରର ପରଦିନ ଯାଜକ ତାହା ଦୋଳାଇବ ।
\s5
\v 12 ପୁଣି, ଯେଉଁ ଦିନ ତୁମ୍ଭେମାନେ ସେହି ବିଡ଼ା ଦୋଳାଇବ, ସେହି ଦିନ ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମ ନିମନ୍ତେ ପ୍ରଥମବର୍ଷୀୟ ନିଖୁନ୍ତ ଏକ ମେଷବତ୍ସ ଉତ୍ସର୍ଗ କରିବ ।
\v 13 ପୁଣି, ଐଫାର ଦୁଇ ଦଶମାଂଶ ତୈଳ ମିଶ୍ରିତ ସରୁ ମଇଦା ତହିଁର ଭକ୍ଷ୍ୟ ନୈବେଦ୍ୟ ହେବ, ତାହା ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ହେବ; ଆଉ, ଏକ ହିନ୍‍ ଦ୍ରାକ୍ଷାରସର ଚତୁର୍ଥାଂଶ ତହିଁର ପେୟ ନୈବେଦ୍ୟ ହେବ ।
\v 14 ପୁଣି, ତୁମ୍ଭେମାନେ ଯେଉଁ ଦିନ ପର୍ଯ୍ୟନ୍ତ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଏହି ଉପହାର ଆଣି ନାହଁ, ସେହି ଦିନ ପର୍ଯ୍ୟନ୍ତ ତୁମ୍ଭେମାନେ ରୁଟି କି ଭଜାଶସ୍ୟ କି ଛିଣ୍ଡା ଶିଷା ଖାଇବ ନାହିଁ; ତୁମ୍ଭମାନଙ୍କର ସମୁଦାୟ ନିବାସ ସ୍ଥାନରେ ଏହା ପୁରୁଷାନୁକ୍ରମେ ପାଳନୀୟ ଅନନ୍ତକାଳୀନ ବିଧି ହେବ ।
\s ଫସଲ ଅମଳ ପର୍ବ
\p
\s5
\v 15 ଆହୁରି ସେହି ବିଶ୍ରାମବାରର ପରଦିନଠାରୁ ଯେଉଁ ଦିନ ଦୋଳନୀୟ ନୈବେଦ୍ୟରୂପ ବିଡ଼ା ଆଣିଲ, ସେହି ଦିନଠାରୁ ପୂର୍ଣ୍ଣ ସାତ ସପ୍ତାହ ଗଣନା କରିବ ।
\v 16 ଏହିରୂପେ ସପ୍ତମ ବିଶ୍ରାମବାରର ପର ଦିନ ପର୍ଯ୍ୟନ୍ତ ପଚାଶ ଦିନ ଗଣନା କରିବ; ଆଉ, ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନୂତନ ଭକ୍ଷ୍ୟ ନୈବେଦ୍ୟ ଉତ୍ସର୍ଗ କରିବ ।
\s5
\v 17 ତୁମ୍ଭେମାନେ ଆପଣା ଆପଣା ନିବାସରୁ ଦୋଳନୀୟ ନୈବେଦ୍ୟାର୍ଥେ ଏକ ଐଫାର ଦୁଇ ଦଶମାଂଶର ଦୁଇ ରୁଟି ଆଣିବ; ତାହା ସରୁ ମଇଦାରେ ପ୍ରସ୍ତୁତ ହେବ ଓ ତାଡ଼ିରେ ରନ୍ଧନ କରାଯିବ, ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପ୍ରଥମ ଫଳ ହେବ ।
\v 18 ପୁଣି, ତୁମ୍ଭେମାନେ ସେହି ରୁଟି ସହିତ ପ୍ରଥମବର୍ଷୀୟ ନିଖୁନ୍ତ ସାତ ମେଷବତ୍ସ ଓ ଗୋଟିଏ ଯୁବା ବୃଷ ଓ ଦୁଇ ମେଷ ବଳିଦାନ କରିବ; ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମବଳି ହେବ; ପୁଣି, ଭକ୍ଷ୍ୟ ନୈବେଦ୍ୟ ଓ ପେୟ ନୈବେଦ୍ୟ ସହିତ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ହେବ ।
\s5
\v 19 ତହିଁ ଉତ୍ତାରେ ତୁମ୍ଭେମାନେ ପାପାର୍ଥକ ବଳି ନିମନ୍ତେ ଏକ ଛାଗ ଓ ମଙ୍ଗଳାର୍ଥକ ବଳି ନିମନ୍ତେ ଏକବର୍ଷୀୟ ଦୁଇ ମେଷବତ୍ସ ବଳିଦାନ କରିବ ।
\v 20 ପୁଣି, ଯାଜକ ପ୍ରଥମ ଫଳର ରୁଟି ସହିତ ଓ ଦୁଇ ମେଷବତ୍ସ ମଧ୍ୟ ସଦାପ୍ରଭୁଙ୍କ ସମ୍ମୁଖରେ ଦୋଳନୀୟ ନୈବେଦ୍ୟ ରୂପେ ଦୋଳାଇବ; ତାହା ସବୁ ଯାଜକ ନିମନ୍ତେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ହେବ ।
\p
\v 21 ଆଉ, ତୁମ୍ଭେମାନେ ସେହି ଦିନ (ସଭାର) ଘୋଷଣା କରିବ; ତହିଁରେ ତୁମ୍ଭମାନଙ୍କର ପବିତ୍ର ସଭା ହେବ; ତୁମ୍ଭେମାନେ କୌଣସି ବ୍ୟବସାୟ କର୍ମ କରିବ ନାହିଁ; ଏହା ତୁମ୍ଭମାନଙ୍କର ସମୁଦାୟ ନିବାସ ସ୍ଥାନରେ ପୁରୁଷାନୁକ୍ରମେ ପାଳନୀୟ ଅନନ୍ତକାଳୀନ ବିଧି ।
\s5
\v 22 ଆଉ, ତୁମ୍ଭମାନଙ୍କ ଭୂମିର ଶସ୍ୟ ତୁମ୍ଭେମାନେ କାଟିବା ବେଳେ, ତୁମ୍ଭେ ଆପଣା କ୍ଷେତ୍ରର କୋଣ ନିଃଶେଷ ରୂପେ କାଟିବ ନାହିଁ, କିଅବା ତୁମ୍ଭେ ଆପଣା କ୍ଷେତ୍ରରେ ଛାଡ଼ିଥିବା ଶସ୍ୟ ସଂଗ୍ରହ କରିବ ନାହିଁ; ତୁମ୍ଭେ ତାହା ଦୁଃଖୀ ଓ ବିଦେଶୀ ପାଇଁ ଛାଡ଼ିବ; ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ ।"
\s ତୂରୀଧ୍ୱନୀ ପର୍ବ
\p
\s5
\v 23 ଆହୁରି ସଦାପ୍ରଭୁ ମୋଶାଙ୍କୁ କହିଲେ,
\v 24 "ତୁମ୍ଭେ ଇସ୍ରାଏଲ ସନ୍ତାନଗଣକୁ କୁହ, ସପ୍ତମ ମାସରେ, ମାସର ପ୍ରଥମ ଦିନରେ ତୁମ୍ଭମାନଙ୍କର ମହାବିଶ୍ରାମ, ଅର୍ଥାତ୍‍, ତୂରୀଧ୍ୱନୀ ଦ୍ୱାରା ସ୍ମରଣାର୍ଥକ ପବିତ୍ର ସଭା ହେବ ।
\v 25 ତୁମ୍ଭେମାନେ କୌଣସି ବ୍ୟବସାୟ କର୍ମ କରିବ ନାହିଁ; ମାତ୍ର ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ଉତ୍ସର୍ଗ କରିବ ।"
\s ପ୍ରାୟଶ୍ଚିତ୍ତ ଦିବସ
\p
\s5
\v 26 ଆହୁରି, ସଦାପ୍ରଭୁ ମୋଶାଙ୍କୁ କହିଲେ,
\v 27 “ସେହି ସପ୍ତମ ମାସର ଦଶମ ଦିନ ଅବଶ୍ୟ ପ୍ରାୟଶ୍ଚିତ୍ତର ଦିନ ହେବ; ସେହି ଦିନ ତୁମ୍ଭମାନଙ୍କର ପବିତ୍ର ସଭା ହେବ, ତୁମ୍ଭେମାନେ ଆପଣା ଆପଣା ପ୍ରାଣକୁ କ୍ଲେଶ ଦେବ; ପୁଣି ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ଉତ୍ସର୍ଗ କରିବ ।
\s5
\v 28 ସେହି ଦିନ ତୁମ୍ଭେମାନେ କୌଣସି ପ୍ରକାର କାର୍ଯ୍ୟ କରିବ ନାହିଁ; କାରଣ ତୁମ୍ଭମାନଙ୍କ ପରମେଶ୍ୱର ସଦାପ୍ରଭୁଙ୍କ ସମ୍ମୁଖରେ ତୁମ୍ଭମାନଙ୍କ ନିମନ୍ତେ ପ୍ରାୟଶ୍ଚିତ୍ତ କରିବା ପାଇଁ ତାହା ପ୍ରାୟଶ୍ଚିତ୍ତର ଦିନ ହେବ ।
\v 29 ସେହି ଦିନରେ ଯେକେହି ଆପଣା ପ୍ରାଣକୁ କ୍ଲେଶ ଦେବ ନାହିଁ, ସେ ଆପଣା ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେବ ।
\s5
\v 30 ପୁଣି ସେହି ଦିନ ଯେକୌଣସି ପ୍ରାଣୀ କୌଣସି ପ୍ରକାର କାର୍ଯ୍ୟ କରେ, ସେହି ପ୍ରାଣୀକୁ ତାହାର ଲୋକମାନଙ୍କ ମଧ୍ୟରୁ ଆମ୍ଭେ ଉଚ୍ଛିନ୍ନ କରିବା ।
\v 31 ତୁମ୍ଭେମାନେ କୌଣସି ପ୍ରକାର କାର୍ଯ୍ୟ କରିବ ନାହିଁ; ଏହା ତୁମ୍ଭମାନଙ୍କର ସମୁଦାୟ ନିବାସ ସ୍ଥାନରେ ପୁରୁଷାନୁକ୍ରମେ ପାଳନୀୟ ଅନନ୍ତକାଳୀନ ବିଧି ।
\v 32 ସେହି ଦିନ ତୁମ୍ଭମାନଙ୍କର ମହାବିଶ୍ରାମ ଦିନ ହେବ, ତୁମ୍ଭେମାନେ ଆପଣା ଆପଣା ପ୍ରାଣକୁ କ୍ଲେଶ ଦେବ; ମାସର ନବମ ଦିନର ସନ୍ଧ୍ୟା କାଳରେ, ଏକ ସନ୍ଧ୍ୟାଠାରୁ ଆର ସନ୍ଧ୍ୟା ପର୍ଯ୍ୟନ୍ତ, ତୁମ୍ଭେମାନେ ଆପଣାମାନଙ୍କର ବିଶ୍ରାମ ଦିନ ପାଳନ କରିବ ।”
\s ପତ୍ରକୁଟୀର ପର୍ବ
\p
\s5
\v 33 ଆହୁରି ସଦାପ୍ରଭୁ ମୋଶାଙ୍କୁ କହିଲେ,
\v 34 "ତୁମ୍ଭେ ଇସ୍ରାଏଲ ସନ୍ତାନଗଣକୁ କୁହ, ଏହି ସପ୍ତମ ମାସର ପଞ୍ଚଦଶ ଦିନଠାରୁ ସାତ ଦିନ ପର୍ଯ୍ୟନ୍ତ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପତ୍ରକୁଟୀର ପର୍ବ ହେବ ।
\s5
\v 35 ପ୍ରଥମ ଦିନରେ ପବିତ୍ର ସଭା ହେବ; ତୁମ୍ଭେମାନେ କୌଣସି ବ୍ୟବସାୟ କର୍ମ କରିବ ନାହିଁ ।
\v 36 ସାତ ଦିନ ପର୍ଯ୍ୟନ୍ତ ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ଉତ୍ସର୍ଗ କରିବ; ଅଷ୍ଟମ ଦିନରେ ତୁମ୍ଭମାନଙ୍କର ପବିତ୍ର ସଭା ହେବ; ପୁଣି, ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ଉତ୍ସର୍ଗ କରିବ; ତାହା ମହାସଭା ଅଟେ; ତୁମ୍ଭେମାନେ କୌଣସି ବ୍ୟବସାୟ କର୍ମ କରିବ ନାହଁ ।
\p
\s5
\v 37 ଏହିସବୁ ସଦାପ୍ରଭୁଙ୍କର ସ୍ଥାପିତ ପର୍ବ; ପୁଣି, ତୁମ୍ଭେମାନେ ପ୍ରତ୍ୟେକ ପର୍ବର ନିରୂପିତ ଦିନରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର, ହୋମବଳି, ଭକ୍ଷ୍ୟ ନୈବେଦ୍ୟ, ବଳି ଓ ପେୟ ନୈବେଦ୍ୟ ଉତ୍ସର୍ଗ କରିବାକୁ ପବିତ୍ର ସଭାର ଘୋଷଣା କରିବ ।
\v 38 ନିୟମିତ ଭାବରେ ସାପ୍ତାହିକ ବିଶ୍ରାମବାର ପାଳନ କରିବା ବ୍ୟତୀତ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଦେଉଥିବା ତୁମ୍ଭମାନଙ୍କର ସକଳ ଦାନ, ସକଳ ମାନତ ଓ ସ୍ୱେଚ୍ଛାଦତ୍ତ ନୈବେଦ୍ୟ ସକଳ ବ୍ୟତୀତ ନିରୂପିତ ପର୍ବମାନଙ୍କରେ ଉତ୍ସର୍ଗ କରିବ ।
\p
\s5
\v 39 ଆହୁରି, ଭୂମିରୁ ଉତ୍ପନ୍ନ ଫଳ ସଂଗ୍ରହ କଲା ଉତ୍ତାରେ ସପ୍ତମ ମାସର ପଞ୍ଚଦଶ ଦିନରେ ତୁମ୍ଭେମାନେ ସାତ ଦିନ ପର୍ଯ୍ୟନ୍ତ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅବଶ୍ୟ ପର୍ବ ପାଳନ କରିବ; ପ୍ରଥମ ଦିନ ମହା ବିଶ୍ରାମ ହେବ ଓ ଅଷ୍ଟମ ଦିନ ମହା ବିଶ୍ରାମ ହେବ ।
\s5
\v 40 ଆଉ, ତୁମ୍ଭେମାନେ ପ୍ରଥମ ଦିନରେ ଉତ୍ତମ ବୃକ୍ଷର ଫଳ, ଖର୍ଜ୍ଜୁର ବାହୁଙ୍ଗା, ଗହଳିଆ ବୃକ୍ଷର ଶାଖା ଓ ନଦୀତୀରସ୍ଥ ବାଇସୀ ବୃକ୍ଷ ଘେନି ତୁମ୍ଭମାନଙ୍କ ପରମେଶ୍ୱର ସଦାପ୍ରଭୁଙ୍କ ସମ୍ମୁଖରେ ସାତ ଦିନ ଆନନ୍ଦ କରିବ ।
\v 41 ପୁଣି, ତୁମ୍ଭେମାନେ ବର୍ଷ ମଧ୍ୟରେ ସାତ ଦିନ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସେହି ପର୍ବ ପାଳନ କରିବ; ଏହା ତୁମ୍ଭମାନଙ୍କର ପୁରୁଷାନୁକ୍ରମେ ପାଳନୀୟ ଅନନ୍ତକାଳୀନ ବିଧି; ତୁମ୍ଭେମାନେ ସପ୍ତମ ମାସରେ ତାହା ପାଳନ କରିବ ।
\s5
\v 42 ତୁମ୍ଭେମାନେ ସାତ ଦିନ ପତ୍ରକୁଟୀରରେ ବାସ କରିବ; ଇସ୍ରାଏଲ ବଂଶଜାତ ସମସ୍ତେ ପତ୍ରକୁଟୀରରେ ବାସ କରିବେ ।
\v 43 ତହିଁରେ ଆମ୍ଭେ ଇସ୍ରାଏଲ ସନ୍ତାନଗଣକୁ ମିସର ଦେଶରୁ ବାହାର କରି ଆଣିବା ବେଳେ ସେମାନଙ୍କୁ ପତ୍ରକୁଟୀରରେ ବାସ କରାଇଥିଲୁ, ଏହା ତୁମ୍ଭମାନଙ୍କର ଭବିଷ୍ୟତ ପୁରୁଷମାନେ ଜାଣି ପାରିବେ; ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ ।"
\v 44 ତହୁଁ ମୋଶା ଇସ୍ରାଏଲ ସନ୍ତାନଗଣକୁ ସଦାପ୍ରଭୁଙ୍କର ସମସ୍ତ ସ୍ଥାପିତ ପର୍ବର କଥା କହିଲେ ।
\s5
\c 24
\s ପ୍ରଦୀପ ପ୍ରଜ୍ଜ୍ୱଳନ
\p
\v 1 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
\v 2 "ତୁମ୍ଭେ ଇସ୍ରାଏଲ ସନ୍ତାନଗଣକୁ ଏହି ଆଜ୍ଞା ଦିଅ, ନିତ୍ୟ ନିତ୍ୟ ପ୍ରଦୀପ ଜ୍ୱଳାଇବା ନିମନ୍ତେ ସେମାନେ ତୁମ୍ଭ ନିକଟକୁ ନିର୍ମଳ ପେଷା ଜୀତ ତୈଳ ଆଣିବେ ।
\s5
\v 3 ହାରୋଣ ସମାଗମ-ତମ୍ବୁ ମଧ୍ୟରେ ସାକ୍ଷ୍ୟସିନ୍ଦୁକର ବିଚ୍ଛେଦବସ୍ତ୍ର ବାହାରେ ସନ୍ଧ୍ୟାଠାରୁ ପ୍ରଭାତ ପର୍ଯ୍ୟନ୍ତ ସଦାପ୍ରଭୁଙ୍କ ସମ୍ମୁଖରେ ନିତ୍ୟ ନିତ୍ୟ ତାହା ସ୍ଥାପନ କରିବ; ଏହା ତୁମ୍ଭମାନଙ୍କର ପୁରୁଷାନୁକ୍ରମେ ପାଳନୀୟ ଅନନ୍ତକାଳୀନ ବିଧି ।
\v 4 ସେ ନିର୍ମଳ ଦୀପବୃକ୍ଷ ଉପରେ ସଦାପ୍ରଭୁଙ୍କ ସମ୍ମୁଖରେ ନିତ୍ୟ ନିତ୍ୟ ସେହି ପ୍ରଦୀପସକଳ ସ୍ଥାପନ କରିବ ।
\s ଦର୍ଶନୀୟ ରୁଟି
\p
\s5
\v 5 ଆଉ, ତୁମ୍ଭେ ସରୁ ମଇଦା ନେଇ ତହିଁରେ ବାରଗୋଟି ପିଠା ପ୍ରସ୍ତୁତ କରିବ; ପ୍ରତ୍ୟେକ ପିଠା ଏକ ଐଫାର ଦୁଇ ଦଶମାଂଶ ହେବ ।
\v 6 ପୁଣି, ତୁମ୍ଭେ ଏକ ଏକ ଧାଡ଼ିରେ ଛଅ ଛଅ, ଏପରି ଦୁଇ ଧାଡ଼ି କରି ସଦାପ୍ରଭୁଙ୍କ ସମ୍ମୁଖରେ ନିର୍ମଳ ମେଜ ଉପରେ ତାହା ସବୁ ରଖିବ ।
\s5
\v 7 ଆଉ, ପ୍ରତ୍ୟେକ ଧାଡ଼ି ଉପରେ ନିର୍ମଳ କୁନ୍ଦୁରୁ ଦେବ, ତାହା ସେହି ରୁଟିର ସ୍ମରଣାର୍ଥକ ଅଂଶ ରୂପେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ହେବ ।
\v 8 ପୁଣି, ଯାଜକ ପ୍ରତ୍ୟେକ ବିଶ୍ରାମବାର ସଦାପ୍ରଭୁଙ୍କ ସମ୍ମୁଖରେ ତାହା ନିତ୍ୟ ନିତ୍ୟ ସ୍ଥାପନ କରିବ; ଇସ୍ରାଏଲ ସନ୍ତାନଗଣ ପକ୍ଷରେ ଏହା ଅନନ୍ତକାଳୀନ ନିୟମ ।
\v 9 ପୁଣି, ତାହା ହାରୋଣ ଓ ତାହାର ପୁତ୍ରଗଣଙ୍କର ହେବ; ଆଉ, ସେମାନେ କୌଣସି ଏକ ପବିତ୍ର ସ୍ଥାନରେ ତାହା ଭୋଜନ କରିବେ, କାରଣ ତାହା ସଦାପ୍ରଭୁଙ୍କ ଅଗ୍ନିକୃତ ଉପହାର ମଧ୍ୟରେ ତାହା ପ୍ରତି ମହାପବିତ୍ର ଅଟେ; ଏହା ଅନନ୍ତକାଳୀନ ବିଧି ।"
\s ଈଶ୍ୱର ନିନ୍ଦାର ଦଣ୍ଡ
\p
\s5
\v 10 ଏଥିଉତ୍ତାରେ ମିସ୍ରୀୟ ପୁରୁଷର ଔରସରେ ଇସ୍ରାଏଲ ବଂଶୀୟା ସ୍ତ୍ରୀଠାରୁ ଜାତ ଏକ ପୁତ୍ର ବାହାର ହୋଇ ଇସ୍ରାଏଲ ସନ୍ତାନଗଣ ମଧ୍ୟରେ ଗଲା; ପୁଣି ଛାଉଣି ମଧ୍ୟରେ ସେହି ଇସ୍ରାଏଲୀୟା ସ୍ତ୍ରୀର ପୁତ୍ର ଓ ଇସ୍ରାଏଲୀୟ କୌଣସି ପୁରୁଷ ମଧ୍ୟରେ ବିବାଦ ହେଲା ।
\v 11 ତହିଁରେ ସେହି ଇସ୍ରାଏଲୀୟା ସ୍ତ୍ରୀର ପୁତ୍ର (ସଦାପ୍ରଭୁଙ୍କ)ନାମକୁ ନିନ୍ଦା କରି ଅଭିଶାପ ଦେଲା; ତହୁଁ ଲୋକମାନେ ତାହାକୁ ମୋଶାଙ୍କ ନିକଟକୁ ଆଣିଲେ; ତାହାର ମାତାର ନାମ ଶଲୋମୀତ୍‍, ସେ ଦାନ ବଂଶୀୟ ଦିବ୍ରିର କନ୍ୟା ଥିଲା ।
\v 12 ପୁଣି ଲୋକମାନେ ସଦାପ୍ରଭୁଙ୍କ ମୁଖରୁ ଆଦେଶ ପାଇବା ଅପେକ୍ଷାରେ ତାହାକୁ ରୁଦ୍ଧ କରି ରଖିଲେ ।
\s5
\v 13 ତହୁଁ ସଦାପ୍ରଭୁ ମୋଶାଙ୍କୁ କହିଲେ,
\v 14 "ଯେଉଁ ଲୋକ ଅଭିଶାପ ଦେଇଅଛି, ତାହାକୁ ଛାଉଣି ବାହାରକୁ ଆଣ; ପୁଣି ଯେଉଁମାନେ ତାହାର କଥା ଶୁଣିଅଛନ୍ତି, ସେମାନେ ସମସ୍ତେ ତାହାର ମସ୍ତକରେ ହସ୍ତ ଦିଅନ୍ତୁ, ପୁଣି ସମୁଦାୟ ମଣ୍ଡଳୀ ପଥର ମାରି ତାହାକୁ ବଧ କରନ୍ତୁ ।
\s5
\v 15 ଆଉ, ତୁମ୍ଭେ ଇସ୍ରାଏଲ ସନ୍ତାନଗଣକୁ କୁହ, ଯେକେହି ଆପଣା ପରମେଶ୍ୱରଙ୍କୁ ଅଭିଶାପ ଦିଏ, ସେ ଆପଣା ଅପରାଧ ବୋହିବ ।
\v 16 ପୁଣି, ଯେକେହି ଆପଣା ସଦାପ୍ରଭୁଙ୍କ ନାମର ନିନ୍ଦା କରେ, ସେ ଅବଶ୍ୟ ହତ ହେବ; ସମସ୍ତ ମଣ୍ଡଳୀ ତାହାକୁ ନିଶ୍ଚୟ ପଥର ମାରି ବଧ କରିବେ; ବିଦେଶୀ ହେଉ ବା ସ୍ୱଦେଶୀ ହେଉ, ସଦାପ୍ରଭୁଙ୍କ ନାମର ନିନ୍ଦା କଲେ ହତ ହେବ ।
\s ଚକ୍ଷୁ ବଦଳେ ଚକ୍ଷୁ
\p
\s5
\v 17 ଆଉ, ଯେକେହି କୌଣସି ମନୁଷ୍ୟକୁ ପ୍ରାଣାନ୍ତକ ଆଘାତ କରେ, ସେ ନିଶ୍ଚୟ ହତ ହେବ ।
\v 18 ପୁଣି, ଯେକେହି କୌଣସି ପଶୁକୁ ପ୍ରାଣାନ୍ତକ ଆଘାତ କରେ, ସେ ତହିଁର ପରିଶୋଧ ଦେବ; ପ୍ରାଣ ପରିଶୋଧରେ ପ୍ରାଣ ।
\s5
\v 19 ଆଉ, କୌଣସି ମନୁଷ୍ୟ ଯଦି ଆପଣା ପ୍ରତିବାସୀର ଶରୀରରେ ଖୁଣ କରେ, ତେବେ ସେ ଯେପରି କରିଅଛି, ସେହିପରି ତାହା ପ୍ରତି କରାଯିବ ।
\v 20 କ୍ଷତ ପରିଶୋଧରେ କ୍ଷତ, ଚକ୍ଷୁ ପରିଶୋଧରେ ଚକ୍ଷୁ, ଦନ୍ତ ପରିଶୋଧରେ ଦନ୍ତ; ମନୁଷ୍ୟର ଦେହରେ ଯେ ଯେପରି ଖୁଣ କରିଅଛି, ତାହା ପ୍ରତି ସେହି ପ୍ରକାର କରାଯିବ ।
\v 21 ଯେଉଁ ଜନ ପଶୁ ବଧ କରେ, ସେ ତହିଁର ପରିଶୋଧ ଦେବ; ପୁଣି ଯେଉଁ ଜନ ନରହତ୍ୟା କରେ, ସେ ହତ ହେବ ।
\s5
\v 22 ବିଦେଶୀ ହେଉ କି ସ୍ୱଦେଶୀ ହେଉ, ସେମାନଙ୍କ ନିମନ୍ତେ ତୁମ୍ଭମାନଙ୍କର ଏକ ପ୍ରକାର ବ୍ୟବସ୍ଥା ହେବ; କାରଣ ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ ।"
\v 23 ତହୁଁ ମୋଶା ଇସ୍ରାଏଲ ସନ୍ତାନଗଣକୁ କହନ୍ତେ, ଯେଉଁ ଲୋକ ଅଭିଶାପ ଦେଇଥିଲା, ତାହାକୁ ସେମାନେ ଛାଉଣିର ବାହାରକୁ ଆଣି ପଥର ମାରି ବଧ କଲେ; ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଇସ୍ରାଏଲ ସନ୍ତାନଗଣ କର୍ମ କଲେ ।
\s5
\c 25
\s ସପ୍ତମ ବର୍ଷ : ବିଶ୍ରାମ ବର୍ଷ
\p
\v 1 ଏଥିଉତ୍ତାରେ ସଦାପ୍ରଭୁ ସୀନୟ ପର୍ବତରେ ମୋଶାଙ୍କୁ କହିଲେ,
\v 2 "ତୁମ୍ଭେ ଇସ୍ରାଏଲ ସନ୍ତାନଗଣକୁ କୁହ, ଆମ୍ଭେ ତୁମ୍ଭମାନଙ୍କୁ ଯେଉଁ ଦେଶ ଦେବା, ତୁମ୍ଭେମାନେ ସେହି ଦେଶରେ ପ୍ରବେଶ କଲେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଭୂମି ବିଶ୍ରାମ ଭୋଗ କରିବ ।
\s5
\v 3 ଛଅ ବର୍ଷ ପର୍ଯ୍ୟନ୍ତ ତୁମ୍ଭେ ଆପଣା କ୍ଷେତ୍ରରେ ବୀଜ ବୁଣିବ ଓ ଛଅ ବର୍ଷ ପର୍ଯ୍ୟନ୍ତ ତୁମ୍ଭେ ଆପଣା ଦ୍ରାକ୍ଷାଲତା ଝାଡ଼ିବ ଓ ତହିଁର ଫଳ ସଂଗ୍ରହ କରିବ ।
\v 4 ମାତ୍ର ସପ୍ତମ ବର୍ଷରେ ଭୂମିର ମହାବିଶ୍ରାମ, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବିଶ୍ରାମ ହେବ; ତୁମ୍ଭେ ଆପଣା କ୍ଷେତ୍ରରେ ବୁଣିବ ନାହିଁ, କି ଆପଣା ଦ୍ରାକ୍ଷାଲତା ଝାଡ଼ିବ ନାହିଁ ।
\s5
\v 5 ଯେଉଁ ଶସ୍ୟ ତୁମ୍ଭ କ୍ଷେତ୍ରରେ ଆପେ ବଢ଼େ, ତାହା ତୁମ୍ଭେ କାଟିବ ନାହିଁ ଓ ତୁମ୍ଭେ ଆପଣା ଅଝଡ଼ା ଦ୍ରାକ୍ଷାଲତାର ଫଳ ସଂଗ୍ରହ କରିବ ନାହିଁ; ତାହା ଭୂମିର ମହାବିଶ୍ରାମ ବର୍ଷ ହେବ ।
\v 6 ଆଉ, ଭୂମିର ବିଶ୍ରାମ ତୁମ୍ଭମାନଙ୍କର ଭକ୍ଷ୍ୟ ସ୍ୱରୂପ ହେବ; ତୁମ୍ଭର କ୍ଷେତ୍ରୋତ୍ପନ୍ନ ସମସ୍ତ ଦ୍ରବ୍ୟ ତୁମ୍ଭର, ତୁମ୍ଭ ଦାସର, ତୁମ୍ଭ ଦାସୀର, ତୁମ୍ଭ ବର୍ତ୍ତନଜୀବୀର ଓ ତୁମ୍ଭ ସହବାସୀ ବିଦେଶୀର;
\v 7 ପୁଣି, ତୁମ୍ଭ ପଶୁର ଓ ତୁମ୍ଭ ଦେଶୀୟ ବନ୍ୟପଶୁର ଆହାର ନିମନ୍ତେ ହେବ ।
\s ଯୁବ୍‍ଲୀ ବର୍ଷ
\p
\s5
\v 8 ଆଉ, ତୁମ୍ଭେ ଆପଣା ନିମନ୍ତେ ସାତ ବିଶ୍ରାମ ବର୍ଷ, ଅର୍ଥାତ୍‍, ସାତଗୁଣ ସାତବର୍ଷ ଗଣନା କରିବ; ତହିଁରେ ସେହି ସାତଗୁଣ ସାତ ବର୍ଷର ଦିନ ତୁମ୍ଭ ପ୍ରତି ଅଣଞ୍ଚାଶ ବର୍ଷ ହେବ ।
\v 9 ତହୁଁ ସପ୍ତମ ମାସର ଦଶମ ଦିନରେ ତୁମ୍ଭେ ମହାଶବ୍ଦକାରୀ ତୂରୀ ବଜାଇବ; ପ୍ରାୟଶ୍ଚିତ୍ତ ଦିନରେ ତୁମ୍ଭେମାନେ ଆପଣାମାନଙ୍କ ସମସ୍ତ ଦେଶରେ ତୂରୀ ବଜାଇବ ।
\s5
\v 10 ପୁଣି, ତୁମ୍ଭେମାନେ ପଚାଶତମ ବର୍ଷକୁ ପବିତ୍ର ରୂପେ ମାନ୍ୟ କରିବ, ଆଉ ସମୁଦାୟ ଦେଶରେ ତହିଁର ସମସ୍ତ ନିବାସୀମାନଙ୍କ ପ୍ରତି ମୁକ୍ତି ଘୋଷଣା କରିବ; ତାହା ତୁମ୍ଭମାନଙ୍କ ନିମନ୍ତେ ଯୁବ୍‍ଲୀ (ମହା ଉଲ୍ଲାସ ଉତ୍ସବ) ହେବ ଓ ତୁମ୍ଭେମାନେ ପ୍ରତି ଜଣ ଆପଣା ଆପଣା ଅଧିକାରକୁ ଫେରିଯିବ ଓ ପ୍ରତି ଜଣ ଆପଣା ଆପଣା ବଂଶ ନିକଟକୁ ଫେରିଯିବ ।
\s5
\v 11 ସେହି ପଚାଶତମ ବର୍ଷ ବ୍ୟାପୀ ତୁମ୍ଭମାନଙ୍କ ନିମନ୍ତେ ଯୁବ୍‍ଲୀ ହେବ; ତୁମ୍ଭେମାନେ ବୁଣିବ ନାହିଁ କିଅବା ଯେଉଁ ଶସ୍ୟ ଆପେ ବଢ଼େ, ତାହା କାଟିବ ନାହିଁ ଓ ଅଝଡ଼ା ଦ୍ରାକ୍ଷାଲତାର ଫଳ ସଂଗ୍ରହ କରିବ ନାହିଁ ।
\v 12 କାରଣ ତାହା ଯୁବ୍‍ଲୀ ବର୍ଷ ଅଟେ; ତାହା ତୁମ୍ଭମାନଙ୍କ ପ୍ରତି ପବିତ୍ର ହେବ; ତଥାପି ତୁମ୍ଭେମାନେ କ୍ଷେତ୍ରୋତ୍ପନ୍ନ ଶସ୍ୟାଦି ଖାଇ ପାରିବ ।
\s5
\v 13 ସେହି ଯୁବ୍‍ଲୀ ବର୍ଷରେ ପ୍ରତି ଜଣ ଆପଣା ଆପଣା ଅଧିକାରକୁ ଫେରିଯିବ ।
\v 14 ଯଦି ତୁମ୍ଭେ ଆପଣା ପ୍ରତିବାସୀକୁ କୌଣସି ଭୂମ୍ୟାଦି ବିକ୍ରୟ କର, ଅବା ଆପଣା ପ୍ରତିବାସୀ ହସ୍ତରୁ କ୍ରୟ କର, ତେବେ ତୁମ୍ଭେମାନେ ପରସ୍ପର ପ୍ରତି ଅନ୍ୟାୟ କରିବ ନାହିଁ ।
\s5
\v 15 ତୁମ୍ଭେ ଯୁବ୍‍ଲୀ ପରବର୍ଷର ସଂଖ୍ୟାନୁସାରେ ଆପଣା ପ୍ରତିବାସୀଠାରୁ କ୍ରୟ କରିବ ଓ ଫଳ ଉତ୍ପତ୍ତି ବର୍ଷର ସଂଖ୍ୟାନୁସାରେ ସେ ତୁମ୍ଭକୁ ବିକ୍ରୟ କରିବ ।
\v 16 ତୁମ୍ଭେ ବର୍ଷର ଆଧିକ୍ୟ ଅନୁସାରେ ତହିଁର ମୂଲ୍ୟ ବୃଦ୍ଧି କରିବ ଓ ବର୍ଷର ନ୍ୟୂନତାନୁସାରେ ମୂଲ୍ୟ ଊଣା କରିବ; କାରଣ ସେ ତୁମ୍ଭକୁ ଫଳ ଉତ୍ପତ୍ତି ବର୍ଷର ସଂଖ୍ୟାନୁସାରେ ଭୂମି ବିକ୍ରୟ କରିବ ।
\v 17 ତୁମ୍ଭେମାନେ ପରସ୍ପରର ଅନ୍ୟାୟ କରିବ ନାହିଁ, ମାତ୍ର ତୁମ୍ଭେ ଆପଣା ପରମେଶ୍ୱରଙ୍କୁ ଭୟ କରିବ, କାରଣ ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ ।
\s ସପ୍ତମ ବର୍ଷ ନିମନ୍ତେ ଆୟୋଜନ
\p
\s5
\v 18 ଏଥିନିମନ୍ତେ ତୁମ୍ଭେମାନେ ଆମ୍ଭର ବିଧି ଅନୁସାରେ ଆଚରଣ କରିବ ଓ ଆମ୍ଭର ଶାସନ ସକଳ ମାନିବ ଓ ପାଳନ କରିବ; ତହିଁରେ ତୁମ୍ଭେମାନେ ଦେଶରେ ନିର୍ଭୟରେ ବାସ କରିବ ।
\v 19 ପୁଣି, ଭୂମି ନିଜ ଫଳ ଉତ୍ପନ୍ନ କରିବ, ତହିଁରେ ତୁମ୍ଭେମାନେ ତୃପ୍ତି ପର୍ଯ୍ୟନ୍ତ ଭୋଜନ କରିବ ଓ ଦେଶରେ ନିର୍ଭୟରେ ବାସ କରିବ ।
\s5
\v 20 ଆଉ ତୁମ୍ଭେମାନେ ଯଦି କହିବ, ଦେଖ, ଆମ୍ଭେମାନେ ତ ବୁଣିବୁ ନାହିଁ, କି ଉତ୍ପନ୍ନ ଫଳ ସଂଗ୍ରହ କରିବୁ ନାହିଁ, ତେବେ ଆମ୍ଭେମାନେ ସପ୍ତମ ବର୍ଷରେ କଅଣ ଖାଇବୁ ?
\v 21 ଆମ୍ଭେ ଷଷ୍ଠ ବର୍ଷରେ ତୁମ୍ଭମାନଙ୍କ ଉପରେ ଆଶୀର୍ବାଦ ଆଜ୍ଞା କରିବା, ତହିଁରେ ତାହା ତିନି ବର୍ଷର ଫଳ ଉତ୍ପନ୍ନ କରିବ ।
\v 22 ପୁଣି, ଅଷ୍ଟମ ବର୍ଷରେ ତୁମ୍ଭେମାନେ ବୁଣିବ ଓ ପୁରାତନ ଶସ୍ୟ ଖାଇବ; ନବମ ବର୍ଷ ପର୍ଯ୍ୟନ୍ତ ଫଳ ଉତ୍ପନ୍ନ ହେବା ପର୍ଯ୍ୟନ୍ତ, ତୁମ୍ଭେମାନେ ପୁରାତନ ଶସ୍ୟ ଭୋଜନ କରିବ ।
\s ସମ୍ପତ୍ତିର ପ୍ରତ୍ୟର୍ପଣ
\p
\s5
\v 23 ଆଉ, ଭୂମି ସଦାକାଳ ନିମନ୍ତେ ବିକ୍ରୟ କରାଯିବ ନାହିଁ; କାରଣ ଭୂମି ଆମ୍ଭର; ତୁମ୍ଭେମାନେ ଆମ୍ଭ ସହିତ ବିଦେଶୀ ଓ ପ୍ରବାସୀ ଅଟ ।
\v 24 ଆଉ, ତୁମ୍ଭେମାନେ ଆପଣାମାନଙ୍କ ଅଧିକୃତ ଦେଶର ସମସ୍ତ ଭୂମି ମୁକ୍ତ କରିବାକୁ ଦେବ ।
\v 25 ଯଦି ତୁମ୍ଭର ଭ୍ରାତା ଦରିଦ୍ର ହୋଇ ଆପଣା ଅଧିକାରରୁ କିଛି ବିକ୍ରୟ କରେ, ତେବେ ତାହାର ମୁକ୍ତିକର୍ତ୍ତା ନିକଟସ୍ଥ ଜ୍ଞାତି ଆସି ଆପଣା ଭ୍ରାତାର ବିକ୍ରୀତ ଭୂମି ମୁକ୍ତ କରି ନେବ ।
\s5
\v 26 ପୁଣି, ଯଦି ତାହା ମୁକ୍ତ କରିବାକୁ ତାହାର କେହି ନ ଥାଏ ଓ ସେ ବର୍ଦ୍ଧିଷ୍ଣୁ ହୋଇ ତାହା ମୁକ୍ତ କରିବାକୁ ଯଥେଷ୍ଟ ଧନ ପାଏ,
\v 27 ତେବେ ସେ ତହିଁର ବିକ୍ରୟ ବର୍ଷ ଗଣନା କରୁ ଓ ତଦନୁସାରେ ଅତିରିକ୍ତ ମୂଲ୍ୟ କ୍ରୟକର୍ତ୍ତାକୁ ଫେରାଇ ଦେଉ; ତହିଁରେ ସେ ପୁନର୍ବାର ଆପଣା ଅଧିକାରକୁ ଫେରିଯିବ ।
\v 28 ମାତ୍ର ଯଦି ସେ ତାହା ଫେରାଇ ନେବାକୁ ଅସମର୍ଥ ହୁଏ, ତେବେ ସେ ଯାହା ବିକ୍ରୟ କରିଅଛି, ତାହା ଯୁବ୍‍ଲୀ ପର୍ଯ୍ୟନ୍ତ କ୍ରୟକର୍ତ୍ତାର ହସ୍ତରେ ରହିବ; ପୁଣି, ତାହା ଯୁବ୍‍ଲୀ ସମୟରେ ମୁକ୍ତ ହେବ ଓ ସେ ପୁନର୍ବାର ଆପଣା ଅଧିକାରକୁ ଫେରିଯିବ ।
\p
\s5
\v 29 ଆଉ, ଯଦି କେହି ପ୍ରାଚୀରବେଷ୍ଟିତ ନଗରର ମଧ୍ୟବର୍ତ୍ତୀ ବାସଗୃହ ବିକ୍ରୟ କରେ, ତେବେ ସେ ବିକ୍ରୟ ବର୍ଷର ଶେଷ ପର୍ଯ୍ୟନ୍ତ ତାହା ମୁକ୍ତ କରି ପାରିବ; ପୂର୍ଣ୍ଣ ଏକ ବର୍ଷ ପର୍ଯ୍ୟନ୍ତ ସେ ତାହା ମୁକ୍ତ କରିବାର ଅଧିକାର ପାଇବ ।
\v 30 ମାତ୍ର ଯଦି ପୂର୍ଣ୍ଣ ଏକ ବର୍ଷ ମଧ୍ୟରେ ତାହା ମୁକ୍ତ କରା ନ ଯାଏ, ତେବେ ପ୍ରାଚୀରବେଷ୍ଟିତ ନଗର ମଧ୍ୟବର୍ତ୍ତୀ ସେହି ଗୃହ ପୁରୁଷ ପରମ୍ପରାରେ କ୍ରୟକର୍ତ୍ତାର ନିତ୍ୟ ଅଧିକାର ହେବ; ଯୁବ୍‍ଲୀ ସମୟରେ ତାହା ମୁକ୍ତ ହେବ ନାହିଁ ।
\s5
\v 31 ମାତ୍ର ପ୍ରାଚୀରହୀନ ଗ୍ରାମର ମଧ୍ୟବର୍ତ୍ତୀ ଗୃହଗୁଡ଼ିକ ଦେଶର କ୍ଷେତ୍ର ମଧ୍ୟରେ ଗଣାଯିବ ତାହା ମୁକ୍ତ ହୋଇପାରେ, ପୁଣି ଯୁବ୍‍ଲୀ ସମୟରେ ତାହା ମୁକ୍ତ ହେବ ।
\p
\v 32 ମାତ୍ର ଲେବୀୟମାନଙ୍କର ନଗରସକଳ, ସେମାନଙ୍କ ଅଧିକୃତ ନଗରର ଗୃହସକଳ ମୁକ୍ତ କରିବାର ଅଧିକାର ଲେବୀୟମାନଙ୍କ ପକ୍ଷରେ ଅନନ୍ତକାଳସ୍ଥାୟୀ ହେବ ।
\s5
\v 33 ପୁଣି, ଯଦି କେହି ଲେବୀୟମାନଙ୍କଠାରୁ ତାହା ମୁକ୍ତ କରେ, ତେବେ ସେହି ବିକ୍ରୀତ ଗୃହ ଓ ତାହାର ଅଧିକୃତ ନଗର ଯୁବ୍‍ଲୀ ସମୟରେ ମୁକ୍ତ ହେବ; କାରଣ ଇସ୍ରାଏଲ ସନ୍ତାନଗଣ ମଧ୍ୟରେ ଲେବୀୟମାନଙ୍କ ଗୃହସକଳ ସେମାନଙ୍କର ଅଧିକାର ।
\v 34 ମାତ୍ର ସେମାନଙ୍କ ନଗରର ପ୍ରାନ୍ତର ଭୂମି ବିକ୍ରୟ କରାଯିବ ନାହିଁ; କାରଣ ତାହା ସେମାନଙ୍କର ଅନନ୍ତକାଳୀନ ଅଧିକାର ।
\s ଦରିଦ୍ର ପ୍ରତି କରୁଣା
\p
\s5
\v 35 ଆଉ ଯଦି ତୁମ୍ଭର ଭାଇ ଦରିଦ୍ର ହୋଇଯାଏ ଓ ତୁମ୍ଭ ନିକଟରେ ତାହାର ହାତ ପଡ଼ିଯାଏ, ତେବେ ତୁମ୍ଭେ ତାହାକୁ ଧରି ରଖିବ; ସେ ବିଦେଶୀ ଓ ପ୍ରବାସୀ ପରି ତୁମ୍ଭ ସହିତ ଜୀବନଯାପନ କରିବ ।
\v 36 ତୁମ୍ଭେ ତାହାଠାରୁ ସୁଧ କି ଦେଢ଼ି (ଦେଢ଼ଗୁଣ ସୁଧହାର) ନିଅ ନାହିଁ; ମାତ୍ର ଆପଣା ପରମେଶ୍ୱରଙ୍କୁ ଭୟ କର; ତହିଁରେ ତୁମ୍ଭର ଭାଇ ତୁମ୍ଭ ସହିତ ଜୀବନଯାପନ କରିବ ।
\v 37 ତୁମ୍ଭେ ସୁଧରେ ତାହାକୁ ଟଙ୍କା ଦେବ ନାହିଁ, କିଅବା ଦେଢ଼ି (ଦେଢ଼ଗୁଣ ସୁଧହାର) ପାଇଁ ତାହାକୁ ଆପଣା ଅନ୍ନ ଦେବ ନାହିଁ ।
\v 38 ଯେ ତୁମ୍ଭମାନଙ୍କର ପରମେଶ୍ୱର ହେବା ପାଇଁ ତୁମ୍ଭମାନଙ୍କୁ କିଣାନ ଦେଶ ଦେବା ନିମନ୍ତେ ମିସର ଦେଶରୁ ବାହାର କରି ଆଣିଲେ, ତୁମ୍ଭମାନଙ୍କର ପରମେଶ୍ୱର ସେହି ସଦାପ୍ରଭୁ ଆମ୍ଭେ ଅଟୁ ।
\p
\s5
\v 39 ଆଉ ଯଦି ତୁମ୍ଭ ଭାଇ ଦରିଦ୍ର ହୋଇଯାଏ ଓ ତୁମ୍ଭ ନିକଟରେ ଆପଣାକୁ ବିକ୍ରୟ କରେ, ତେବେ ତୁମ୍ଭେ ତାହାକୁ ବନ୍ଧା ଦାସ ପରି ପରିଶ୍ରମ କରାଇବ ନାହିଁ ।
\v 40 ସେ ବର୍ତ୍ତନଜୀବୀ ଓ ପ୍ରବାସୀ ନ୍ୟାୟ ତୁମ୍ଭ ସହିତ ବାସ କରିବ; ସେ ଯୁବ୍‍ଲୀ ବର୍ଷ ପର୍ଯ୍ୟନ୍ତ ତୁମ୍ଭର ଦାସ୍ୟକର୍ମ କରିବ ।
\v 41 ତହୁଁ ସେ ଆପଣା ସନ୍ତାନଗଣ ସହିତ ତୁମ୍ଭଠାରୁ ମୁକ୍ତ ହୋଇ ଆପଣା ବଂଶ ନିକଟକୁ ଓ ତାହାର ପୈତୃକ ଅଧିକାରକୁ ଫେରିଯିବ ।
\s5
\v 42 କାରଣ ସେମାନେ ଆମ୍ଭର ଦାସ, ଆମ୍ଭେ ସେମାନଙ୍କୁ ମିସର ଦେଶରୁ ବାହାର କରି ଆଣିଅଛୁ; ସେମାନେ ବନ୍ଧାଦାସ ତୁଲ୍ୟ ବିକ୍ରୀତ ହେବେ ନାହିଁ ।
\v 43 ତୁମ୍ଭେ ତାହା ଉପରେ କଠିନ କର୍ତ୍ତୃତ୍ୱ କରିବ ନାହିଁ; ମାତ୍ର ଆପଣା ପରମେଶ୍ୱରଙ୍କୁ ଭୟ କରିବ ।
\v 44 ତୁମ୍ଭର ବନ୍ଧା ଦାସ ଓ ବନ୍ଧା ଦାସୀ ରଖିବାର ହେଲେ, ତୁମ୍ଭେମାନେ ଆପଣା ଚତୁର୍ଦ୍ଦିଗସ୍ଥ ଅନ୍ୟ ଦେଶୀୟମାନଙ୍କଠାରୁ ବନ୍ଧା ଦାସ ଓ ବନ୍ଧା ଦାସୀ କ୍ରୟ କରିବ ।
\s5
\v 45 ଆହୁରି ତୁମ୍ଭମାନଙ୍କ ମଧ୍ୟରେ ପ୍ରବାସୀ ବିଦେଶୀୟ ସନ୍ତାନଗଣଠାରୁ ଓ ତୁମ୍ଭମାନଙ୍କ ଦେଶରେ ସେମାନଙ୍କଠାରୁ ଉତ୍ପନ୍ନ ଯେଉଁ ଯେଉଁ ବଂଶ ତୁମ୍ଭମାନଙ୍କର ସହବର୍ତ୍ତୀ ଥା'ନ୍ତି, ସେମାନଙ୍କଠାରୁ କ୍ରୟ କରିବ, ପୁଣି, ସେମାନେ ତୁମ୍ଭମାନଙ୍କର ଅଧିକାର ହେବେ ।
\v 46 ପୁଣି, ତୁମ୍ଭେମାନେ ଆପଣା ଉତ୍ତାରେ ଆପଣା ଭବିଷ୍ୟତ ସନ୍ତାନଗଣର ଅଧିକାର ନିମନ୍ତେ ପୈତୃକ ସମ୍ପତ୍ତି ରୂପେ ସେମାନଙ୍କୁ ଦେଇ ପାରିବ; ତୁମ୍ଭେମାନେ ସେମାନଙ୍କୁ ନିତ୍ୟ ଆପଣାମାନଙ୍କର ଦାସ୍ୟକର୍ମ କରାଇ ପାରିବ; ମାତ୍ର ତୁମ୍ଭେମାନେ ଆପଣାମାନଙ୍କ ଭ୍ରାତା ଇସ୍ରାଏଲ ସନ୍ତାନଗଣ ଉପରେ ପରସ୍ପର କଠିନ କର୍ତ୍ତୃତ୍ୱ କରିବ ନାହିଁ ।
\s ଦରିଦ୍ର ବ୍ୟକ୍ତିର ମୁକ୍ତି
\p
\s5
\v 47 ଆଉ ଯଦି ତୁମ୍ଭମାନଙ୍କ ମଧ୍ୟରେ କୌଣସି ବିଦେଶୀ କି ପ୍ରବାସୀ ଲୋକର ହସ୍ତ ଧନରେ ବଢ଼େ, ପୁଣି, ତାହାର ନିକଟବର୍ତ୍ତୀ ତୁମ୍ଭର ଭ୍ରାତା ଦରିଦ୍ର ହୋଇଯାଏ ଓ ସେହି ବିଦେଶୀ କି ପ୍ରବାସୀ କିଅବା ସେହି ବିଦେଶୀ ବଂଶରୁ ଉତ୍ପନ୍ନ କାହାରି ନିକଟରେ ଆପଣାକୁ ବିକ୍ରୟ କରେ;
\v 48 ତେବେ ସେହି ବିକ୍ରୟ ଉତ୍ତାରେ ତାହାର ମୁକ୍ତି ହୋଇ ପାରିବ; ତାହାର ଜ୍ଞାତି ମଧ୍ୟରୁ କେହି ତାହାକୁ ମୁକ୍ତ କରି ପାରିବ ।
\s5
\v 49 କିଅବା ତାହାର ପିତୃବ୍ୟ କି ପିତୃବ୍ୟପୁତ୍ର ତାହାକୁ ମୁକ୍ତ କରି ପାରିବ, ଅବା ତାହାର ବଂଶଜାତ ନିକଟବର୍ତ୍ତୀ କୌଣସି ଜ୍ଞାତି ତାହାକୁ ମୁକ୍ତ କରି ପାରିବ; ଅବା ଯଦି ତାହାର ହସ୍ତ ଧନରେ ବୃଦ୍ଧି ପାଏ, ତେବେ ସେ ଆପଣାକୁ ମୁକ୍ତ କରି ପାରିବ ।
\v 50 ତହିଁରେ ତାହାର ବିକ୍ରୟ ବର୍ଷଠାରୁ ଯୁବ୍‍ଲୀ ବର୍ଷ ପର୍ଯ୍ୟନ୍ତ ସେ କ୍ରୟକର୍ତ୍ତା ସହିତ ଗଣନା କରିବ, ପୁଣି ବିକ୍ରୟ ବର୍ଷର ସଂଖ୍ୟାନୁସାରେ ତାହାର ମୂଲ୍ୟ ହେବ; ବର୍ତ୍ତନଜୀବୀର ଦିନ ତୁଲ୍ୟ ତାହାର ଦାସତ୍ୱ କାଳ ହେବ ।
\p
\s5
\v 51 ଯଦି ଅନେକ ବର୍ଷ ବାକି ଥାଏ, ତେବେ ତଦନୁସାରେ ସେ କ୍ରୟମୂଲ୍ୟରୁ ଆପଣା ମୁକ୍ତିର ମୂଲ୍ୟ ଫେରାଇ ଦେବ ।
\v 52 ଆଉ ଯଦି ଯୁବ୍‍ଲୀ ବର୍ଷ ପର୍ଯ୍ୟନ୍ତ ଅଳ୍ପ ବର୍ଷ ବାକି ଥାଏ, ତେବେ ସେ ତାହା ସହିତ ଗଣନା କରିବ; ସେହି ସେହି ବର୍ଷାନୁସାରେ ସେ ଆପଣା ମୁକ୍ତିର ମୂଲ୍ୟ ଫେରାଇ ଦେବ ।
\s5
\v 53 ବର୍ଷକୁ ବର୍ଷ ନିଯୁକ୍ତ ଦାସ ତୁଲ୍ୟ ସେ ତାହା ସହିତ ରହିବ; ତୁମ୍ଭ ସାକ୍ଷାତରେ ତାହା ଉପରେ କେହି କଠିନ କର୍ତ୍ତୃତ୍ୱ କରିବ ନାହିଁ ।
\v 54 ଆଉ ଯଦି ସେ ଏହିରୂପେ ମୁକ୍ତ ନ ହୁଏ, ତେବେ ସେ ଯୁବ୍‍ଲୀ ବର୍ଷରେ ଆପଣା ସନ୍ତାନଗଣ ସହିତ ମୁକ୍ତ ହୋଇ ବାହାରି ଯିବ ।
\v 55 କାରଣ ଇସ୍ରାଏଲ ସନ୍ତାନଗଣ କେବଳ ଆମ୍ଭର ଦାସ, ସେମାନେ ଆମ୍ଭର ଦାସ, ଆମ୍ଭେ ସେମାନଙ୍କୁ ମିସର ଦେଶରୁ ବାହାର କରି ଆଣିଅଛୁ; ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ ।"
\s5
\c 26
\s ବାଧ୍ୟତାର ଆଶୀର୍ବାଦ
\p
\v 1 "ତୁମ୍ଭେମାନେ ଆପଣାମାନଙ୍କ ନିମନ୍ତେ ଦେବମୂର୍ତ୍ତି ନିର୍ମାଣ କରିବ ନାହିଁ, କିଅବା ଆପଣାମାନଙ୍କ ନିମନ୍ତେ ଖୋଦିତ ପ୍ରତିମା କି ସ୍ତମ୍ଭ ସ୍ଥାପନ କରିବ ନାହିଁ ଓ ତାହା ନିକଟରେ ପ୍ରଣାମ କରିବା ନିମନ୍ତେ ତୁମ୍ଭମାନଙ୍କ ଦେଶରେ କୌଣସି ଖୋଦିତ ପ୍ରସ୍ତର ରଖିବ ନାହିଁ; କାରଣ ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ ।
\v 2 ତୁମ୍ଭେମାନେ ଆମ୍ଭର ସକଳ ବିଶ୍ରାମ ଦିବସ ପାଳନ କରିବ ଓ ଆମ୍ଭର ପବିତ୍ର ସ୍ଥାନକୁ ସମାଦର କରିବ; ଆମ୍ଭେ ସଦାପ୍ରଭୁ ଅଟୁ ।
\p
\s5
\v 3 ଯଦି ତୁମ୍ଭେମାନେ ଆମ୍ଭର ବିଧି ଅନୁସାରେ ଚ଼ାଲିବ ଓ ଆମ୍ଭର ଆଜ୍ଞା ମାନ୍ୟ କରି ପାଳନ କରିବ;
\v 4 ତେବେ ଆମ୍ଭେ ଉପଯୁକ୍ତ ସମୟରେ ତୁମ୍ଭମାନଙ୍କୁ ବୃଷ୍ଟି ଦାନ କରିବା, ତହିଁରେ ଭୂମି ନିଜ ଶସ୍ୟର ପୂର୍ଣ୍ଣତା ଉତ୍ପନ୍ନ କରିବ ଓ କ୍ଷେତ୍ରର ବୃକ୍ଷସକଳ ଆପଣା ଆପଣା ଫଳ ଉତ୍ପନ୍ନ କରିବ ।
\s5
\v 5 ଆଉ ତୁମ୍ଭମାନଙ୍କର ଶସ୍ୟମର୍ଦ୍ଦନର ସମୟ ଦ୍ରାକ୍ଷା ସଂଗ୍ରହର ସମୟ ପର୍ଯ୍ୟନ୍ତ ଲାଗିବ ଓ ଦ୍ରାକ୍ଷା ସଂଗ୍ରହର ସମୟ ବୀଜ ବୁଣିବାର ସମୟ ପର୍ଯ୍ୟନ୍ତ ଲାଗିବ; ପୁଣି ତୁମ୍ଭେମାନେ ତୃପ୍ତି ପର୍ଯ୍ୟନ୍ତ ଅନ୍ନ ଭୋଜନ କରିବ ଓ ଆପଣା ଦେଶରେ ନିର୍ଭୟରେ ବାସ କରିବ ।
\v 6 ଆଉ, ଆମ୍ଭେ ଦେଶରେ ଶାନ୍ତି ପ୍ରଦାନ କରିବା, ତହିଁରେ ତୁମ୍ଭେମାନେ ଶୟନ କଲେ, କେହି ତୁମ୍ଭମାନଙ୍କୁ ଭୟ ଦେଖାଇବ ନାହିଁ; ପୁଣି ଆମ୍ଭେ ହିଂସ୍ରକ ଜନ୍ତୁମାନଙ୍କୁ ଦେଶରୁ ଦୂର କରିବା ଓ ତୁମ୍ଭମାନଙ୍କ ଦେଶରେ ଖଡ୍ଗ ଭ୍ରମଣ କରିବ ନାହିଁ ।
\s5
\v 7 ଆଉ ତୁମ୍ଭେମାନେ ଆପଣା ଶତ୍ରୁମାନଙ୍କୁ ଘଉଡ଼ାଇ ଦେବ ଓ ସେମାନେ ତୁମ୍ଭମାନଙ୍କ ଆଗେ ଖଡ୍ଗରେ ପଡ଼ିବେ ।
\v 8 ପୁଣି ତୁମ୍ଭମାନଙ୍କର ପାଞ୍ଚ ଜଣ ଶହେ ଜଣଙ୍କୁ ଘଉଡ଼ାଇ ଦେବ ଓ ତୁମ୍ଭମାନଙ୍କର ଶହେ ଜଣ ଦଶସହସ୍ର ଜଣଙ୍କୁ ଘଉଡ଼ାଇ ଦେବ; ଆଉ ତୁମ୍ଭମାନଙ୍କର ଶତ୍ରୁଗଣ ତୁମ୍ଭମାନଙ୍କ ଆଗେ ଖଡ୍ଗରେ ପଡ଼ିବେ ।
\p
\s5
\v 9 ଆଉ ଆମ୍ଭେ ତୁମ୍ଭମାନଙ୍କ ପ୍ରତି ପ୍ରସନ୍ନମୁଖ ହେବା ଓ ତୁମ୍ଭମାନଙ୍କୁ ପ୍ରଜାବନ୍ତ ଓ ବହୁବଂଶ କରିବା ଓ ତୁମ୍ଭମାନଙ୍କ ସହିତ ଆପଣା ନିୟମ ସ୍ଥିର କରିବା ।
\v 10 ପୁଣି ତୁମ୍ଭେମାନେ ବହୁସମୟର ସଞ୍ଚିତ ପୁରାତନ ଶସ୍ୟ ଭୋଜନ କରିବ ଓ ତୁମ୍ଭେମାନେ ନୂତନ ଶସ୍ୟ ହେତୁ ପୁରାତନ ଶସ୍ୟ ବାହାର କରିବ ।
\s5
\v 11 ଆଉ ଆମ୍ଭେ ଆପଣା ଆବାସ ତୁମ୍ଭମାନଙ୍କ ମଧ୍ୟରେ ସ୍ଥାପନ କରିବା ଓ ଆମ୍ଭର ପ୍ରାଣ ତୁମ୍ଭମାନଙ୍କୁ ଘୃଣା କରିବ ନାହିଁ ।
\v 12 ପୁଣି ଆମ୍ଭେ ତୁମ୍ଭମାନଙ୍କ ମଧ୍ୟରେ ଗମନାଗମନ କରିବା ଓ ତୁମ୍ଭମାନଙ୍କର ପରମେଶ୍ୱର ହେବା ଓ ତୁମ୍ଭେମାନେ ଆମ୍ଭର ଲୋକ ହେବ ।
\v 13 ତୁମ୍ଭେମାନେ ଯେପରି ସେମାନଙ୍କର ଦାସ ନ ହେବ, ଏଥିପାଇଁ ଯେ ତୁମ୍ଭମାନଙ୍କୁ ମିସର ଦେଶରୁ ବାହାର କରି ଆଣିଲେ, ସେହି ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଆମ୍ଭେ ଅଟୁ; ଆମ୍ଭେ ତୁମ୍ଭମାନଙ୍କ ଯୁଆଳିର ଯୋତ ଭାଙ୍ଗିଅଛୁ ଓ ତୁମ୍ଭମାନଙ୍କୁ ସିଧା ଚାଲିବାକୁ ଦେଇଅଛୁ ।
\s ଅବାଧ୍ୟତାର ଶାସ୍ତି
\p
\s5
\v 14 ମାତ୍ର, ଯଦି ତୁମ୍ଭେମାନେ ଆମ୍ଭ ବାକ୍ୟରେ ମନୋଯୋଗ ନ କରିବ ଓ ସେହି ସକଳ ଆଜ୍ଞା ପାଳନ ନ କରିବ;
\v 15 ପୁଣି, ଯଦି ତୁମ୍ଭେମାନେ ଆମ୍ଭ ବିଧି ଅବଜ୍ଞା କରିବ ଓ ତୁମ୍ଭମାନଙ୍କ ପ୍ରାଣ ଆମ୍ଭର ସକଳ ଶାସନ ଘୃଣା କରିବାରୁ ତୁମ୍ଭେମାନେ ଆମ୍ଭର ଆଜ୍ଞାସକଳ ପାଳନ ନ କରିବ, ମାତ୍ର ଆମ୍ଭର ନିୟମ ଲଙ୍ଘନ କରିବ,
\s5
\v 16 ତେବେ ଆମ୍ଭେ ମଧ୍ୟ ତୁମ୍ଭମାନଙ୍କ ପ୍ରତି ଏହିରୂପେ ବ୍ୟବହାର କରିବା; ଆମ୍ଭେ ତୁମ୍ଭମାନଙ୍କ ଉପରେ ବ୍ୟାକୁଳତା ନିରୂପଣ କରିବା; ଅର୍ଥାତ୍‍, ଯକ୍ଷ୍ମା ଓ ଜ୍ୱର, ତାହା ତୁମ୍ଭମାନଙ୍କ ଚକ୍ଷୁ କ୍ଷୀଣ କରିବ ଓ ପ୍ରାଣ କ୍ଷୟ କରିବ; ଆଉ ତୁମ୍ଭେମାନେ ବୃଥାରେ ଆପଣାମାନଙ୍କ ବୀଜ ବୁଣିବ, କାରଣ ତୁମ୍ଭମାନଙ୍କ ଶତ୍ରୁମାନେ ତାହା ଖାଇବେ ।
\p
\v 17 ପୁଣି ଆମ୍ଭେ ତୁମ୍ଭମାନଙ୍କ ବିରୁଦ୍ଧରେ ଆପଣା ମୁଖ ରଖିବା, ତହିଁରେ ତୁମ୍ଭେମାନେ ଆପଣାମାନଙ୍କ ଶତ୍ରୁଗଣଠାରୁ ପରାସ୍ତ ହେବ; ଯେଉଁମାନେ ତୁମ୍ଭମାନଙ୍କୁ ଘୃଣା କରନ୍ତି, ସେମାନେ ତୁମ୍ଭମାନଙ୍କ ଉପରେ କର୍ତ୍ତୃତ୍ୱ କରିବେ ଓ କେହି ତୁମ୍ଭମାନଙ୍କ ପଛେ ନ ଗୋଡ଼ାଇଲେ ହେଁ ତୁମ୍ଭେମାନେ ପଳାଇଯିବ ।
\s5
\v 18 ଆଉ ଏହା ହେଲେ ମଧ୍ୟ ଯଦି ତୁମ୍ଭେମାନେ ଆମ୍ଭ ବାକ୍ୟରେ ମନୋଯୋଗ ନ କରିବ, ତେବେ ଆମ୍ଭେ ତୁମ୍ଭମାନଙ୍କ ପାପ ସକାଶୁ ତୁମ୍ଭମାନଙ୍କୁ ସାତ ଗୁଣ ଅଧିକ ଦଣ୍ଡ ଦେବା ।
\v 19 ପୁଣି ଆମ୍ଭେ ତୁମ୍ଭମାନଙ୍କ ବଳର ଗର୍ବ ଖର୍ବ କରିବା ଓ ଆମ୍ଭେ ତୁମ୍ଭମାନଙ୍କ ଆକାଶ ଲୌହ ତୁଲ୍ୟ ଓ ଭୂମି ପିତ୍ତଳ ତୁଲ୍ୟ କରିବା ।
\v 20 ତହିଁରେ ତୁମ୍ଭେମାନେ ବୃଥାରେ ବଳ ବ୍ୟୟ କରିବ, କାରଣ ତୁମ୍ଭମାନଙ୍କ ଭୂମି ଶସ୍ୟ ଉତ୍ପନ୍ନ କରିବ ନାହିଁ ଓ କ୍ଷେତ୍ରର ବୃକ୍ଷସକଳ ଫଳ ଉତ୍ପନ୍ନ କରିବ ନାହିଁ ।
\p
\s5
\v 21 ଆଉ, ଯଦି ତୁମ୍ଭେମାନେ ଆମ୍ଭର ବିରୁଦ୍ଧାଚରଣ କରି ଆମ୍ଭ ବାକ୍ୟ ଶୁଣିବାକୁ ଅସମ୍ମତ ହେବ; ତେବେ ଆମ୍ଭେ ତୁମ୍ଭମାନଙ୍କ ପାପ ଅନୁସାରେ ତୁମ୍ଭମାନଙ୍କୁ ସାତ ଗୁଣ କ୍ଲେଶ ଦେବା ।
\v 22 ପୁଣି ଆମ୍ଭେ ତୁମ୍ଭମାନଙ୍କ ବିରୁଦ୍ଧରେ ବନ୍ୟ ପଶୁମାନଙ୍କୁ ପଠାଇବା, ତହିଁରେ ସେମାନେ ତୁମ୍ଭମାନଙ୍କୁ ସନ୍ତାନହୀନ କରିବେ ଓ ତୁମ୍ଭମାନଙ୍କ ପଶୁମାନଙ୍କୁ ବିନଷ୍ଟ କରିବେ, ପୁଣି ତୁମ୍ଭମାନଙ୍କୁ ଅଳ୍ପସଂଖ୍ୟକ କରିବେ; ଆଉ ତୁମ୍ଭମାନଙ୍କ ରାଜପଥସକଳ ଜନମାନବ ଶୂନ୍ୟ ହେବ ।
\p
\s5
\v 23 ଏହା ହେଲେ ମଧ୍ୟ ଯଦି ତୁମ୍ଭେମାନେ ଆମ୍ଭ ପ୍ରତି ସୁଧୁରିବ ନାହିଁ, ମାତ୍ର ଆମ୍ଭର ବିରୁଦ୍ଧାଚରଣ କରିବ,
\v 24 ତେବେ ଆମ୍ଭେ ମଧ୍ୟ ତୁମ୍ଭମାନଙ୍କର ବିରୁଦ୍ଧାଚରଣ କରିବା ଓ ତୁମ୍ଭମାନଙ୍କୁ ପ୍ରହାର କରିବା, ଆମ୍ଭେ ନିଜେ ତୁମ୍ଭମାନଙ୍କ ପାପ ସକାଶୁ ତୁମ୍ଭମାନଙ୍କୁ ସାତ ଗୁଣ ପ୍ରହାର କରିବା ।
\s5
\v 25 ପୁଣି ଆମ୍ଭେ ତୁମ୍ଭମାନଙ୍କ ଉପରକୁ ଖଡ୍ଗ ଆଣିବା, ତାହା ନିୟମ ଲଙ୍ଘନର ପ୍ରତିଫଳ ଦେବ ଓ ତୁମ୍ଭେମାନେ ନଗର ମଧ୍ୟରେ ଏକତ୍ର ହେଲେ, ଆମ୍ଭେ ତୁମ୍ଭମାନଙ୍କ ମଧ୍ୟକୁ ମହାମାରୀ ପଠାଇବା; ତହିଁରେ ତୁମ୍ଭେମାନେ ଶତ୍ରୁ ହସ୍ତରେ ସମର୍ପିତ ହେବ ।
\v 26 ଆମ୍ଭେ ତୁମ୍ଭମାନଙ୍କର ଅନ୍ନରୂପ ଯଷ୍ଟି ଭାଙ୍ଗିଲେ ଦଶ ଜଣ ସ୍ତ୍ରୀ ଗୋଟିଏ ଚୁଲ୍ଲୀରେ ତୁମ୍ଭମାନଙ୍କର ରୁଟି ରନ୍ଧନ କରିବେ ଓ ପୁନର୍ବାର ତୌଲି ତୁମ୍ଭମାନଙ୍କୁ ରୁଟି ଦେବେ, ଆଉ ତୁମ୍ଭେମାନେ ତାହା ଭୋଜନ କରିବ, ମାତ୍ର ତୃପ୍ତ ହେବ ନାହିଁ ।
\p
\s5
\v 27 ଏହା ହେଲେ ହେଁ ଯଦି ତୁମ୍ଭେମାନେ ଆମ୍ଭ କଥା ଶୁଣିବ ନାହିଁ, ମାତ୍ର ଆମ୍ଭର ବିରୁଦ୍ଧାଚରଣ କରିବ;
\v 28 ତେବେ ଆମ୍ଭେ କ୍ରୋଧରେ ତୁମ୍ଭମାନଙ୍କର ବିରୁଦ୍ଧାଚରଣ କରିବା ଓ ଆମ୍ଭେ ମଧ୍ୟ ତୁମ୍ଭମାନଙ୍କ ପାପ ସକାଶୁ ତୁମ୍ଭମାନଙ୍କୁ ସାତ ଗୁଣ ଶାସ୍ତି ଦେବା ।
\s5
\v 29 ତହିଁରେ ତୁମ୍ଭେମାନେ ଆପଣା ପୁତ୍ରଗଣର ଓ କନ୍ୟାଗଣର ମାଂସ ଭୋଜନ କରିବ ।
\v 30 ପୁଣି ଆମ୍ଭେ ତୁମ୍ଭମାନଙ୍କର ଉଚ୍ଚ ସ୍ଥଳସକଳ ଭାଙ୍ଗିବା ଓ ତୁମ୍ଭମାନଙ୍କ ସୂର୍ଯ୍ୟ ପ୍ରତିମାସକଳ କାଟି ପକାଇବା ଓ ତୁମ୍ଭମାନଙ୍କ ପ୍ରତିମାଗଣର ଦେହ ଉପରେ ତୁମ୍ଭମାନଙ୍କ ମୃତ ଦେହ ପକାଇବା ଓ ଆମ୍ଭର ପ୍ରାଣ ତୁମ୍ଭମାନଙ୍କୁ ଘୃଣା କରିବ ।
\s5
\v 31 ଆମ୍ଭେ ତୁମ୍ଭମାନଙ୍କ ନଗରସକଳ ମରୁଭୂମି କରିବା ଓ ତୁମ୍ଭମାନଙ୍କ ପବିତ୍ର ସ୍ଥାନସକଳ ଶୂନ୍ୟ କରିବା ଓ ଆମ୍ଭେ ତୁମ୍ଭମାନଙ୍କର (ଦତ୍ତ) ତୁଷ୍ଟିଜନକ ସୁଗନ୍ଧି ଆଘ୍ରାଣ କରିବା ନାହିଁ ।
\v 32 ପୁଣି ଆମ୍ଭେ ଦେଶକୁ ଶୂନ୍ୟସ୍ଥାନ କରିବା ଓ ତନ୍ନିବାସୀ ତୁମ୍ଭମାନଙ୍କ ଶତ୍ରୁଗଣ ତହିଁରେ ଆଶ୍ଚର୍ଯ୍ୟ ଜ୍ଞାନ କରିବେ ।
\v 33 ଆଉ ଆମ୍ଭେ ନାନା ଦେଶୀୟ ଲୋକମାନଙ୍କ ମଧ୍ୟରେ ତୁମ୍ଭମାନଙ୍କୁ ଛିନ୍ନଭିନ୍ନ କରିବା ଓ ଆମ୍ଭେ ତୁମ୍ଭମାନଙ୍କ ପଶ୍ଚାତ୍‍ ଖଡ୍ଗ ନିଷ୍କୋଷ କରିବା; ତହିଁରେ ତୁମ୍ଭମାନଙ୍କ ଦେଶ ଶୂନ୍ୟସ୍ଥାନ ହେବ ଓ ତୁମ୍ଭମାନଙ୍କ ନଗରସକଳ ମରୁଭୂମି ହେବ ।
\p
\s5
\v 34 ତେବେ ଯେପର୍ଯ୍ୟନ୍ତ ଦେଶ ଶୂନ୍ୟସ୍ଥାନ ହୋଇଥିବ ଓ ତୁମ୍ଭେମାନେ ଆପଣା ଶତ୍ରୁଗଣର ଦେଶରେ ରହିବ, ସେପର୍ଯ୍ୟନ୍ତ ଭୂମି ଆପଣା ବିଶ୍ରାମ ଗ୍ରହଣ କରିବ; ଅର୍ଥାତ୍‍, ସେହି ସମୟରେ ଭୂମି ବିଶ୍ରାମ କରି ଆପଣା ବିଶ୍ରାମ ଗ୍ରହଣ କରିବ ।
\v 35 ଯେତେକାଳ ତାହା ଶୂନ୍ୟସ୍ଥାନ ହୋଇ ରହିବ, ସେତେକାଳ ତାହା ବିଶ୍ରାମ ପାଇବ; ଅର୍ଥାତ୍‍, ତୁମ୍ଭେମାନେ ତହିଁ ମଧ୍ୟରେ ବାସ କରିବା ସମୟରେ ତୁମ୍ଭମାନଙ୍କ ବିଶ୍ରାମ କାଳରେ ତାହା ଯେଉଁ ବିଶ୍ରାମ ପାଇ ନ ଥିଲା, ତାହା ପାଇବ ।
\v 36 ପୁଣି ତୁମ୍ଭମାନଙ୍କ ମଧ୍ୟରେ ଯେତେ ଅବଶିଷ୍ଟ ରହିବେ, ଆମ୍ଭେ ଶତ୍ରୁଗଣର ଦେଶରେ ସେମାନଙ୍କ ହୃଦୟରେ ଭୀରୁତା ପଠାଇବା ଯଦ୍ଦ୍ୱାରା (ବାୟୁରେ) ଚାଳିତ ପତ୍ରର ଶବ୍ଦ ମଧ୍ୟ ସେମାନଙ୍କୁ ଘଉଡ଼ାଇ ଦେବ; ପୁଣି ଖଡ୍ଗଧାରରୁ ପଳାଇଲା ଲୋକ ପରି ସେମାନେ ପଳାଇବେ ଓ କେହି ସେମାନଙ୍କୁ ନ ଗୋଡ଼ାଇଲେ ହେଁ ସେମାନେ ପତିତ ହେବେ ।
\s5
\v 37 ପୁଣି କେହି ନ ଗୋଡ଼ାଇଲେ ହେଁ ଯେପରି ଖଡ୍ଗ ସମ୍ମୁଖରେ, ସେପରି ସେମାନେ ପରସ୍ପର ଉପରେ ଝୁଣ୍ଟି ପଡ଼ିବେ ଓ ଶତ୍ରୁଗଣ ସମ୍ମୁଖରେ ଠିଆ ହେବା ପାଇଁ ସେମାନଙ୍କର ବଳ ପାଇବ ନାହିଁ ।
\p
\v 38 ଆଉ ତୁମ୍ଭେମାନେ ଅନ୍ୟ ଦେଶୀୟ ଲୋକମାନଙ୍କ ମଧ୍ୟରେ ବିନଷ୍ଟ ହେବ ଓ ତୁମ୍ଭମାନଙ୍କ ଶତ୍ରୁଗଣର ଦେଶ ତୁମ୍ଭମାନଙ୍କୁ ଗ୍ରାସ କରିବ ।
\v 39 ପୁଣି ତୁମ୍ଭମାନଙ୍କ ମଧ୍ୟରେ ଯେଉଁମାନେ ଅବଶିଷ୍ଟ ରହିବେ, ସେମାନେ ଆପଣା ଆପଣା ଅପରାଧ ସକାଶୁ ତୁମ୍ଭମାନଙ୍କ ଶତ୍ରୁଗଣର ଦେଶରେ କ୍ଷୟ ପାଇବେ ଓ ମଧ୍ୟ ସେମାନେ ଆପଣା ଆପଣା ପିତୃଗଣର ଅପରାଧ ସକାଶୁ ସେମାନଙ୍କ ସଙ୍ଗରେ କ୍ଷୟ ପାଇବେ ।
\p
\s5
\v 40 ଆଉ ଆମ୍ଭ ବିରୁଦ୍ଧରେ ସତ୍ୟ ଲଙ୍ଘନ କରି ସେମାନେ ଓ ସେମାନଙ୍କ ପିତୃଗଣ ଯେଉଁ ସତ୍ୟ ଲଙ୍ଘନ ଅପରାଧ କଲେ, ଆପଣାମାନଙ୍କର ସେହି ଅପରାଧ;
\v 41 ଓ ମଧ୍ୟ ସେମାନେ ଆମ୍ଭର ବିରୁଦ୍ଧାଚରଣ କରିବା ହେତୁ ଆମ୍ଭେ ହିଁ ଯେ ସେମାନଙ୍କର ବିରୁଦ୍ଧାଚରଣ କରି ସେମାନଙ୍କୁ ସେମାନଙ୍କ ଶତ୍ରୁଗଣର ଦେଶକୁ ଆଣିଲୁ, ଏହା ସେମାନେ ସ୍ୱୀକାର କରିବେ; ତହିଁରେ ଯଦି ସେମାନଙ୍କ ଅସୁନ୍ନତ ହୃଦୟ ନମ୍ର ହେବ ଓ ସେମାନେ ଆପଣା ଆପଣା ଅପରାଧର ଦଣ୍ଡ ଗ୍ରହଣ କରିବେ;
\v 42 ତେବେ ଆମ୍ଭେ ଯାକୁବ ସହିତ ଆପଣା ନିୟମ ସ୍ମରଣ କରିବା ଓ ମଧ୍ୟ ଇସ୍‍ହାକ ସହିତ ଆପଣା ନିୟମ ଓ ମଧ୍ୟ ଅବ୍ରହାମ ସହିତ ଆପଣା ନିୟମ ସ୍ମରଣ କରିବା; ପୁଣି ଆମ୍ଭେ ଦେଶକୁ ସ୍ମରଣ କରିବା ।
\s5
\v 43 ଦେଶ ମଧ୍ୟ ସେମାନଙ୍କ ଦ୍ୱାରା ତ୍ୟକ୍ତ ହୋଇ ରହିବ ଓ ସେମାନଙ୍କ ଅନୁପସ୍ଥିତିରେ ଶୂନ୍ୟସ୍ଥାନ ହୋଇ ପଡ଼ିଥିବା ସମୟରେ ଆପଣା ବିଶ୍ରାମ ଗ୍ରହଣ କରିବ; ପୁଣି ସେମାନେ ଆପଣା ଆପଣା ଅପରାଧର ଦଣ୍ଡ ଗ୍ରହଣ କରିବେ; ଏଥିର କାରଣ ଏହି ଯେ, ସେମାନେ ଆମ୍ଭର ଆଜ୍ଞା ଅଗ୍ରାହ୍ୟ କଲେ ଓ ସେମାନଙ୍କ ପ୍ରାଣ ଆମ୍ଭ ବିଧି ଘୃଣା କଲା ।
\p
\s5
\v 44 ତଥାପି ଏହିସବୁ କାରଣରୁ, ସେମାନେ ଆପଣାମାନଙ୍କ ଶତ୍ରୁଗଣର ଦେଶରେ ଥିବା ସମୟରେ ଆମ୍ଭେ ସେମାନଙ୍କୁ ସମ୍ପୂର୍ଣ୍ଣ ରୂପେ ବିନାଶ କରିବା ନିମନ୍ତେ ଓ ସେମାନଙ୍କ ସହିତ ଆପଣା ନିୟମ ଭାଙ୍ଗିବା ନିମନ୍ତେ ସେମାନଙ୍କୁ ଅଗ୍ରାହ୍ୟ କରିବା ନାହିଁ, କିଅବା ସେମାନଙ୍କୁ ଘୃଣା କରିବା ନାହିଁ; କାରଣ ଆମ୍ଭେ ସଦାପ୍ରଭୁ ସେମାନଙ୍କର ପରମେଶ୍ୱର ଅଟୁ ।
\v 45 ମାତ୍ର ଆମ୍ଭେ ସେମାନଙ୍କ ଲାଗି ସେମାନଙ୍କ ପୂର୍ବପୁରୁଷମାନଙ୍କ ସହିତ କରିଥିବା ଆପଣା ନିୟମ ସ୍ମରଣ କରିବା, ଆମ୍ଭେ ସେମାନଙ୍କର ପରମେଶ୍ୱର ହେବା ନିମନ୍ତେ ଅନ୍ୟ ଦେଶୀୟ ଲୋକମାନଙ୍କ ସାକ୍ଷାତରେ ସେମାନଙ୍କୁ ମିସର ଦେଶରୁ ବାହାର କରି ଆଣିଅଛୁ; ଆମ୍ଭେ ସଦାପ୍ରଭୁ ଅଟୁ ।"
\s5
\v 46 ସଦାପ୍ରଭୁ ସୀନୟ ପର୍ବତରେ ମୋଶାଙ୍କ ଦ୍ୱାରା ଆପଣାର ଓ ଇସ୍ରାଏଲ ସନ୍ତାନଗଣର ମଧ୍ୟରେ ଏହି ସକଳ ବିଧି, ଶାସନ ଓ ବ୍ୟବସ୍ଥା ସ୍ଥାପନ କଲେ ।
\s5
\c 27
\s ମାନତ ସମ୍ବନ୍ଧୀୟ ବିଧି
\p
\v 1 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
\v 2 "ତୁମ୍ଭେ ଇସ୍ରାଏଲ ସନ୍ତାନଗଣକୁ କୁହ, କୌଣସି ମନୁଷ୍ୟର ମାନତ ପୂର୍ଣ୍ଣ କରିବାକୁ ହେଲେ, ତୁମ୍ଭର ନିରୂପିତ ମୂଲ୍ୟ ଅନୁସାରେ ପ୍ରାଣୀସକଳ ସଦାପ୍ରଭୁଙ୍କର ହେବେ ।
\s5
\v 3 ପୁରୁଷ ହେଲେ, କୋଡ଼ିଏ ବର୍ଷଠାରୁ ଷାଠିଏ ବର୍ଷ ବୟସ ପର୍ଯ୍ୟନ୍ତ ତୁମ୍ଭର ନିରୂପିତ ମୂଲ୍ୟ ପବିତ୍ର ସ୍ଥାନର ଶେକଲ ଅନୁସାରେ ପଚାଶ ଶେକଲ ରୂପା ହେବ ।
\v 4 ପୁଣି ସ୍ତ୍ରୀ ହେଲେ, ତୁମ୍ଭ ନିରୂପିତ ମୂଲ୍ୟ ତିରିଶ ଶେକଲ ରୂପା ହେବ ।
\s5
\v 5 ଆଉ ପାଞ୍ଚ ବର୍ଷଠାରୁ କୋଡ଼ିଏ ବର୍ଷ ବୟସ ପର୍ଯ୍ୟନ୍ତ ହେଲେ, ତୁମ୍ଭର ନିରୂପିତ ମୂଲ୍ୟ ପୁରୁଷ ନିମନ୍ତେ କୋଡ଼ିଏ ଶେକଲ ଓ ସ୍ତ୍ରୀ ନିମନ୍ତେ ଦଶ ଶେକଲ ରୂପା ହେବ ।
\v 6 ଆଉ ଏକ ମାସଠାରୁ ପାଞ୍ଚ ବର୍ଷ ବୟସ ହେଲେ, ତୁମ୍ଭର ନିରୂପିତ ମୂଲ୍ୟ ପୁରୁଷ ନିମନ୍ତେ ପାଞ୍ଚ ଶେକଲ ରୂପା ହେବ ଓ ସ୍ତ୍ରୀ ନିମନ୍ତେ ତୁମ୍ଭର ନିରୂପିତ ମୂଲ୍ୟ ତିନି ଶେକଲ ରୂପା ହେବ ।
\s5
\v 7 ପୁଣି ଷାଠିଏ ବର୍ଷଠାରୁ ଅଧିକ ବର୍ଷ ବୟସ ହେଲେ, ତୁମ୍ଭର ନିରୂପିତ ମୂଲ୍ୟ ପୁରୁଷ ନିମନ୍ତେ ପନ୍ଦର ଶେକଲ ଓ ସ୍ତ୍ରୀ ନିମନ୍ତେ ଦଶ ଶେକଲ ହେବ ।
\v 8 ମାତ୍ର ସେ ତୁମ୍ଭର ନିରୂପିତ ମୂଲ୍ୟ ଅପେକ୍ଷା ଦରିଦ୍ର ହେଲେ, ଯାଜକ ସମ୍ମୁଖକୁ ଅଣାଯିବ, ତହୁଁ ଯାଜକ ତାହାର ମୂଲ୍ୟ ନିରୂପଣ କରିବ; ମାନତକାରୀର ଶକ୍ତି ଅନୁସାରେ ଯାଜକ ତାହାର ମୂଲ୍ୟ ନିରୂପଣ କରିବ ।
\p
\s5
\v 9 ଆଉ ଲୋକମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଯେଉଁ ଉପହାର ଉତ୍ସର୍ଗ କରନ୍ତି, ତାହା ପଶୁ ହେଲେ, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଦତ୍ତ ସେହିସବୁ ପଶୁ ପବିତ୍ର ହେବ ।
\v 10 ସେ ତାହା ଅନ୍ୟଥା କି ପରିବର୍ତ୍ତନ କରିବ ନାହିଁ; ମନ୍ଦ ପାଲଟେ ଭଲ, କି ଭଲ ପାଲଟେ ମନ୍ଦ ଦେବ ନାହିଁ; ଯଦି ସେ କୌଣସିମତେ ପଶୁର ପାଲଟେ ପଶୁ ଦେବ, ତେବେ ତାହା ଓ ତହିଁ ପାଇଁ ଯାହା ବଦଳ କରାଯାଏ, ଦୁହେଁ ପବିତ୍ର ହେବେ ।
\s5
\v 11 ଆଉ ଯାହା ଦ୍ୱାରା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉପହାର ଉତ୍ସର୍ଗ କରାଯାଏ ନାହିଁ, ଏପରି କୌଣସି ଅଶୁଚି ପଶୁ ଯଦି ଦିଆଯାଏ, ତେବେ ସେ ସେହି ପଶୁକୁ ଯାଜକ ସମ୍ମୁଖରେ ଉପସ୍ଥିତ କରିବ ।
\v 12 ପୁଣି ସେହି ପଶୁ ଭଲ କି ମନ୍ଦ ହେଉ, ଯାଜକ ତହିଁର ମୂଲ୍ୟ ନିରୂପଣ କରିବ; ତୁମ୍ଭର, ଅର୍ଥାତ୍‍, ଯାଜକର ନିରୂପଣ ଅନୁସାରେ ତହିଁର ମୂଲ୍ୟ ହେବ ।
\v 13 ମାତ୍ର, ଯଦି ସେ କୌଣସିମତେ ତାହା ମୁକ୍ତ କରିବାକୁ ଇଚ୍ଛା କରେ, ତେବେ ସେ ତୁମ୍ଭ ନିରୂପିତ ମୂଲ୍ୟର ପଞ୍ଚମାଂଶ ଅଧିକ ଦେବ ।
\p
\s5
\v 14 ଆଉ, ଯଦି କୌଣସି ମନୁଷ୍ୟ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର କରିବା ପାଇଁ ଆପଣା ଗୃହ ପ୍ରତିଷ୍ଠା କରେ, ତେବେ ତାହା ଭଲ କି ମନ୍ଦ ହେଉ, ଯାଜକ ତହିଁର ମୂଲ୍ୟ ନିରୂପଣ କରିବ; ଯାଜକ ତହିଁର ଯେଉଁ ମୂଲ୍ୟ ନିରୂପଣ କରିବ, ତାହା ସ୍ଥିର ହେବ ।
\v 15 ଆଉ, ଯଦି ଗୃହ ପ୍ରତିଷ୍ଠାକାରୀ ଆପଣା ଗୃହ ମୁକ୍ତ କରିବାକୁ ଇଚ୍ଛା କରେ, ତେବେ ସେ ତୁମ୍ଭ ନିରୂପିତ ମୂଲ୍ୟର ପଞ୍ଚମାଂଶ ଅଧିକ ଦେବ, ତହିଁରେ ତାହା ତାହାର ହେବ ।
\p
\s5
\v 16 ଆଉ, ଯଦି କୌଣସି ମନୁଷ୍ୟ ଆପଣା ଅଧିକୃତ କ୍ଷେତ୍ରର କୌଣସି ଅଂଶ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଶୁଚି କରେ, ତେବେ ତୁମ୍ଭର ମୂଲ୍ୟ ନିରୂପଣ ସେହି କ୍ଷେତ୍ରରେ ବୁଣିବା ନିମନ୍ତେ ଆବଶ୍ୟକୀୟ ପରିମାଣର ବିହନ ଅନୁସାରେ ହେବ; ଏକ ହୋମର ପରିମିତ ଯବ ବିହନର ମୂଲ୍ୟ ପଚାଶ ଶେକଲ ରୂପା ହେବ ।
\s5
\v 17 ଯଦି ସେ ଯୁବ୍‍ଲୀ ବର୍ଷଠାରୁ ଆପଣା କ୍ଷେତ୍ର ଶୁଚି କରେ, ତେବେ ତୁମ୍ଭର ନିରୂପିତ ମୂଲ୍ୟ ଅନୁସାରେ ତାହା ସ୍ଥିର ହେବ ।
\v 18 ମାତ୍ର, ଯଦି ସେ ଯୁବ୍‍ଲୀ ଉତ୍ତାରେ ଆପଣା କ୍ଷେତ୍ର ଶୁଚି କରେ, ତେବେ ଯାଜକ ଯୁବ୍‍ଲୀ ବର୍ଷ ପର୍ଯ୍ୟନ୍ତ ଅବଶିଷ୍ଟ ବର୍ଷର ସଂଖ୍ୟାନୁସାରେ ତାହା ସହିତ ମୂଲ୍ୟର ଗଣନା କରିବ, ପୁଣି ତଦନୁସାରେ ତୁମ୍ଭ ନିରୂପିତ ମୂଲ୍ୟରୁ ଊଣା କରାଯିବ ।
\s5
\v 19 ଆଉ ସେହି କ୍ଷେତ୍ର ଶୁଚିକାରୀ ଲୋକ ଯଦି କୌଣସିମତେ ତାହା ମୁକ୍ତ କରିବାକୁ ଇଚ୍ଛା କରେ, ତେବେ ସେ ତୁମ୍ଭ ନିରୂପିତ ରୂପାର ପଞ୍ଚମାଂଶ ଅଧିକ ଦେବ, ତହିଁରେ ତାହା ତାହାର ହେବ ।
\v 20 ମାତ୍ର ଯଦି ସେ ଆପଣା କ୍ଷେତ୍ର ମୁକ୍ତ ନ କରେ, କିଅବା ଯଦି ସେ ସେହି କ୍ଷେତ୍ର ଅନ୍ୟକୁ ବିକ୍ରୟ କରେ, ତେବେ ତାହା ଆଉ କେବେ ମୁକ୍ତ ହେବ ନାହିଁ ।
\v 21 ମାତ୍ର ସେହି କ୍ଷେତ୍ର ଯୁବ୍‍ଲୀ ସମୟରେ ମୁକ୍ତ ହେଲେ, ତାହା ସମ୍ପୂର୍ଣ୍ଣ ରୂପେ ଉତ୍ସର୍ଗିତ କ୍ଷେତ୍ର ତୁଲ୍ୟ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ହେବ; ତହିଁରେ ସେହି କ୍ଷେତ୍ର ଯାଜକର ଅଧିକାର ହେବ ।
\p
\s5
\v 22 ଆଉ ଯେଉଁ କ୍ଷେତ୍ର ଆପଣାର ସମ୍ପତ୍ତି ନୁହେଁ, ତାହା କେହି ଯଦି କ୍ରୟ କରି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଶୁଚି କରେ;
\v 23 ତେବେ ଯାଜକ ତୁମ୍ଭର ନିରୂପିତ ମୂଲ୍ୟ ଅନୁସାରେ ଯୁବ୍‍ଲୀ ବର୍ଷ ପର୍ଯ୍ୟନ୍ତ ତାହା ପାଇଁ ଗଣନା କରିବ; ପୁଣି ସେ ସେହିଦିନ ତୁମ୍ଭର ନିରୂପିତ ମୂଲ୍ୟ ଦେବ, ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ବସ୍ତୁ ତୁଲ୍ୟ ।
\s5
\v 24 ଯାହାଠାରୁ ସେହି କ୍ଷେତ୍ର କ୍ରୟ କରାଗଲା, ଅର୍ଥାତ୍‍, ଭୂମି ଯାହାର ସମ୍ପତ୍ତି ଅଟେ, ତାହା ଯୁବ୍‍ଲୀ ବର୍ଷରେ ତାହାକୁ ଫେରାଇ ଦିଆଯିବ ।
\v 25 ପୁଣି ତୁମ୍ଭର ନିରୂପିତ ସମସ୍ତ ମୂଲ୍ୟ ପବିତ୍ର ସ୍ଥାନର ଶେକଲ ଅନୁସାରେ ହେବ; କୋଡ଼ିଏ ଗେରାରେ ଏକ ଶେକଲ ହୁଏ ।
\p
\s5
\v 26 ପଶୁମାନଙ୍କ ମଧ୍ୟରେ କେବଳ ପ୍ରଥମଜାତ ପଶୁ, ଯାହା ସଦାପ୍ରଭୁଙ୍କର ପ୍ରଥମଜାତ ହୁଏ, ତାହା କୌଣସି ମନୁଷ୍ୟ ଶୁଚି କରିବ ନାହିଁ; ଗୋରୁ କି ମେଷ ହେଉ, ତାହା ସଦାପ୍ରଭୁଙ୍କର ଅଟେ ।
\v 27 ପୁଣି ଯଦି ତାହା ଅଶୁଚି ପଶୁ ହୁଏ, ତେବେ ସେ ତୁମ୍ଭ ନିରୂପିତ ମୂଲ୍ୟ ଅନୁସାରେ ତାହା ମୁକ୍ତ କରିବ, ପୁଣି ସେହି ମୂଲ୍ୟର ପଞ୍ଚମାଂଶ ଅଧିକ ଦେବ; ମୁକ୍ତ କରା ନ ଗଲେ ତୁମ୍ଭର ନିରୂପିତ ମୂଲ୍ୟ ଅନୁସାରେ ତାହା ବିକ୍ରୀତ ହେବ ।
\p
\s5
\v 28 ଆଉ କୌଣସି ମନୁଷ୍ୟ ଆପଣା ସର୍ବସ୍ୱରୁ, ଅର୍ଥାତ୍‍, ମନୁଷ୍ୟ କି ପଶୁ କି ଅଧିକୃତ କ୍ଷେତ୍ରରୁ ଯାହା କିଛି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରେ, ଏପରି କୌଣସି ଉତ୍ସର୍ଗିତ ବସ୍ତୁ ବିକ୍ରୀତ ବା ମୁକ୍ତ ହେବ ନାହିଁ; ପ୍ରତ୍ୟେକ ଉତ୍ସର୍ଗିତ ବସ୍ତୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ଅଟେ ।
\v 29 ମନୁଷ୍ୟମାନଙ୍କ ମଧ୍ୟରେ ଯେ ଦଣ୍ଡିତ ହେବା ନିମନ୍ତେ ଉତ୍ସର୍ଗିତ ହେବ, ଏପରି ଉତ୍ସର୍ଗିତ କେହି ମୁକ୍ତ କରାଯିବ ନାହିଁ; ସେ ନିତାନ୍ତ ହତ ହେବ ।
\p
\s5
\v 30 ପୁଣି ଭୂମିର ଶସ୍ୟ କି ବୃକ୍ଷର ଫଳ ହେଉ, ଭୂମିରୁ ଉତ୍ପନ୍ନ ସମସ୍ତ ଦ୍ରବ୍ୟର ଦଶମାଂଶ ସଦାପ୍ରଭୁଙ୍କର ହେବ, ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ।
\v 31 ଆଉ, ଯଦି କେହି ଆପଣା ଦଶମାଂଶରୁ କିଛି ମୁକ୍ତ କରିବାକୁ ଇଚ୍ଛା କରେ, ତେବେ ସେ ତହିଁର ମୂଲ୍ୟର ପଞ୍ଚମାଂଶ ଅଧିକ ଦେବ ।
\s5
\v 32 ପୁଣି ଗୋମେଷାଦି ପଲର ଦଶମାଂଶ, ଅର୍ଥାତ୍‍, ପାଞ୍ଚଣ ତଳ ଦେଇ ଗମନକାରୀ ସବୁ ପଶୁ ମଧ୍ୟରେ ପ୍ରତ୍ୟେକ ଦଶମ ପଶୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ହେବ ।
\v 33 ତାହା ଭଲ କି ମନ୍ଦ, ଏଥିର ସେ ଅନୁସନ୍ଧାନ କରିବ ନାହିଁ, କିଅବା ତହିଁର ବଦଳ କରିବ ନାହିଁ; ପୁଣି ଯଦି ସେ କୌଣସିମତେ ବଦଳ କରେ, ତେବେ ତାହା ଓ ତାହା ପାଇଁ ଯାହା ବଦଳ କରାଯାଏ, ଦୁହେଁ ପବିତ୍ର ହେବେ, ତାହା ମୁକ୍ତ କରାଯିବ ନାହିଁ ।"
\s5
\v 34 ସଦାପ୍ରଭୁ ସୀନୟ ପର୍ବତରେ ଇସ୍ରାଏଲ ସନ୍ତାନଗଣ ନିମନ୍ତେ ମୋଶାଙ୍କୁ ଯେଉଁ ଆଜ୍ଞା ଦେଇଥିଲେ, ସେହି ସକଳ ଆଜ୍ଞା ଏହି ।

2070
04-NUM.usfm Normal file
View File

@ -0,0 +1,2070 @@
\id NUM
\ide UTF-8
\sts - Odia Old Version Revision
\rem Copyright Information: Creative Commons Attribution- ShareAlike 4.0 License
\h ଗଣନା ପୁସ୍ତକ
\toc1 ଗଣନା ପୁସ୍ତକ
\toc2 ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ
\toc3 num
\mt1 ଗଣନା ପୁସ୍ତକ
\mt2 ଅର୍ଥାତ୍‍
\mt2 ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ
\s5
\c 1
\s ଇସ୍ରାଏଲ ଯୋଦ୍ଧାଙ୍କର ଗଣନା
\p
\v 1 ଏଥିଉତ୍ତାରେ ଲୋକମାନେ ମିସର ଦେଶରୁ ବାହାର ହେବାର ଦ୍ୱିତୀୟ ବର୍ଷର ଦ୍ୱିତୀୟ ମାସର ପ୍ରଥମ ଦିନରେ ସଦାପ୍ରଭୁ ସୀନୟ ପ୍ରାନ୍ତରରେ ସମାଗମ-ତମ୍ବୁ ମଧ୍ୟରେ ମୋଶାଙ୍କୁ କହିଲେ,
\v 2 "ତୁମ୍ଭେମାନେ ଇସ୍ରାଏଲ-ସନ୍ତାନଗଣର ସମସ୍ତ ମଣ୍ଡଳୀର ବଂଶ ଅନୁସାରେ ଓ ପିତୃଗୃହ ଅନୁସାରେ ଓ ନାମସଂଖ୍ୟାନୁସାରେ ପ୍ରତ୍ୟେକ ପୁରୁଷର ମସ୍ତକ ଗଣନା କର ।"
\v 3 କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ଯେତେ ପୁରୁଷ ଇସ୍ରାଏଲ ମଧ୍ୟରୁ ଯୁଦ୍ଧକୁ ଯିବାର ଯୋଗ୍ୟ, ସେମାନଙ୍କ ସୈନ୍ୟାନୁସାରେ ତୁମ୍ଭେ ଓ ହାରୋଣ ସେମାନଙ୍କୁ ଗଣନା କର ।
\s5
\v 4 ପୁଣି, ପ୍ରତ୍ୟେକ ବଂଶରୁ ଏକ ଏକ ଜଣ, ଅର୍ଥାତ୍‍, ଆପଣା ଆପଣା ପିତୃବଂଶର ପ୍ରଧାନ ଲୋକ ତୁମ୍ଭମାନଙ୍କର ସହକାରୀ ହେବେ ।
\v 5 ଆଉ ଯେଉଁମାନେ ତୁମ୍ଭମାନଙ୍କର ସହକାରୀ ହେବେ, ସେମାନଙ୍କର ନାମ ଏହି: ଯଥା, ରୁବେନ୍‍ ବଂଶର ଶଦେୟରର ପୁତ୍ର ଇଲୀଷୂର ।
\v 6 ଶିମୀୟୋନ ବଂଶର ସୂରୀସଦ୍ଦୟର ପୁତ୍ର ଶଲୁମୀୟେଲ୍‍ ।
\s5
\v 7 ଯିହୂଦା ବଂଶର; ଅମ୍ମୀନାଦବର ପୁତ୍ର ନହଶୋନ୍‍
\v 8 ଇଷାଖର ବଂଶର; ସୂୟାରର ପୁତ୍ର ନଥନେଲ୍‍ ।
\v 9 ସବୂଲୂନ ବଂଶର ହେଲୋନର ପୁତ୍ର ଇଲୀୟାବ୍‍
\s5
\v 10 ଯୋଷେଫର ପୁତ୍ରଗଣ ମଧ୍ୟରୁ ଇଫ୍ରୟିମ ବଂଶର; ଅମ୍ମୀହୂଦର ପୁତ୍ର ଇଲୀଶାମା; ମନଃଶି ବଂଶର; ପଦାହସୂରର ପୁତ୍ର ଗମଲୀୟେଲ ।
\v 11 ବିନ୍ୟାମୀନ୍ ବଂଶର; ଗିଦୀୟୋନର ପୁତ୍ର ଅବୀଦାନ୍‍ ।
\s5
\v 12 ଦାନ ବଂଶର; ଅମ୍ମୀଶଦ୍ଦୟର ପୁତ୍ର ଅହୀୟେଷର ।
\v 13 ଆଶେର ବଂଶର; ଅକ୍ରଣର ପୁତ୍ର ପଗୀୟେଲ ।
\v 14 ଗାଦ ବଂଶର; ଦ୍ୟୂୟେଲର ପୁତ୍ର ଇଲୀୟାସଫ୍‍ ।
\v 15 ନପ୍ତାଲି ବଂଶର; ଐନନର ପୁତ୍ର ଅହୀର ।
\s5
\v 16 ଏମାନେ ମଣ୍ଡଳୀର ଆହୂତ ଲୋକ, ଆପଣା ଆପଣା ପିତୃବଂଶର ଅଧିପତି, ଆଉ ଇସ୍ରାଏଲର ସହସ୍ରପତି ଥିଲେ ।
\s5
\v 17 ତେବେ ମୋଶା ଓ ହାରୋଣ ଏହିସବୁ ନାମବିଶିଷ୍ଟ ଲୋକମାନଙ୍କୁ ଗ୍ରହଣ କଲେ ।
\v 18 ପୁଣି, ଦ୍ୱିତୀୟ ମାସର ପ୍ରଥମ ଦିନରେ ସମଗ୍ର ମଣ୍ଡଳୀକୁ ଏକତ୍ର କରି ମସ୍ତକ-ସଂଖ୍ୟାରେ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ଲୋକମାନଙ୍କ ବଂଶ, ପିତୃଗୃହ ଓ ନାମସଂଖ୍ୟାନୁସାରେ ସେମାନଙ୍କର ବଂଶାବଳୀ ଲେଖିଲେ ।
\v 19 ଏହିରୂପେ ମୋଶା ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସୀନୟ ପ୍ରାନ୍ତରରେ ସେମାନଙ୍କୁ ଗଣନା କଲେ ।
\s5
\v 20 ଇସ୍ରାଏଲଙ୍କର ଜ୍ୟେଷ୍ଠ ପୁତ୍ର ଯେ ରୁବେନ୍‍, ତାହାର ସନ୍ତାନଗଣର ବଂଶ, ପିତୃଗୃହ, ନାମସଂଖ୍ୟା ଓ ମସ୍ତକ ଗଣନାନୁସାରେ ଯୁଦ୍ଧକୁ ଯିବା ଯୋଗ୍ୟ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ପୁରୁଷମାନଙ୍କର ବଂଶାବଳୀ;
\v 21 ରୁବେନ୍‍-ବଂଶର ଗଣିତ ଲୋକମାନଙ୍କ ସଂଖ୍ୟା ଛୟାଳିଶ ହଜାର ପାଞ୍ଚ ଶହ ହେଲା ।
\s5
\v 22 ଶିମୀୟୋନ-ସନ୍ତାନଗଣ ମଧ୍ୟରୁ ବଂଶ ଓ ପିତୃଗୃହ ଅନୁସାରେ ଯୁଦ୍ଧକୁ ଯିବା ଯୋଗ୍ୟ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ଯେଉଁ ପୁରୁଷମାନେ ନାମସଂଖ୍ୟା ଓ ମସ୍ତକ ଗଣନାନୁସାରେ ଗଣା ଗଲେ, ସେମାନଙ୍କର ବଂଶାବଳୀ;
\v 23 ଶିମୀୟୋନ ବଂଶର ଗଣିତ ଲୋକମାନଙ୍କ ସଂଖ୍ୟା ଊଣଷଠି ହଜାର ତିନି ଶହ ହେଲା ।
\s5
\v 24 ଗାଦ-ସନ୍ତାନଗଣର ବଂଶ, ପିତୃଗୃହ ଓ ନାମସଂଖ୍ୟାନୁସାରେ ଯୁଦ୍ଧକୁ ଯିବା ଯୋଗ୍ୟ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ପୁରୁଷମାନଙ୍କର ବଂଶାବଳୀ;
\v 25 ଗାଦ ବଂଶର ଗଣିତ ଲୋକମାନଙ୍କ ସଂଖ୍ୟା ପଞ୍ଚଚାଳିଶ ହଜାର ଛଅ ଶହ ପଚାଶ ହେଲା ।
\s5
\v 26 ଯିହୂଦା-ସନ୍ତାନଗଣର ବଂଶ, ପିତୃଗୃହ ଓ ନାମସଂଖ୍ୟାନୁସାରେ ଯୁଦ୍ଧକୁ ଯିବା ଯୋଗ୍ୟ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ପୁରୁଷମାନଙ୍କର ବଂଶାବଳୀ;
\v 27 ଯିହୂଦା ବଂଶର ଗଣିତ ଲୋକମାନଙ୍କ ସଂଖ୍ୟା ଚଉସ୍ତରି ହଜାର ଛଅ ଶହ ହେଲା ।
\s5
\v 28 ଇଷାଖର-ସନ୍ତାନଗଣର ବଂଶ, ପିତୃଗୃହ ଓ ନାମସଂଖ୍ୟାନୁସାରେ ଯୁଦ୍ଧକୁ ଯିବା ଯୋଗ୍ୟ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ପୁରୁଷମାନଙ୍କର ବଂଶାବଳୀ;
\v 29 ଇଷାଖର ବଂଶର ଗଣିତ ଲୋକସଂଖ୍ୟା ଚଉବନ ହଜାର ଚାରି ଶହ ହେଲା ।
\s5
\v 30 ସବୂଲୂନ୍‍-ସନ୍ତାନଗଣର ବଂଶ, ପିତୃଗୃହ ଓ ନାମସଂଖ୍ୟାନୁସାରେ ଯୁଦ୍ଧକୁ ଯିବା ଯୋଗ୍ୟ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ପୁରୁଷମାନଙ୍କର ବଂଶାବଳୀ;
\v 31 ସବୂଲୂନ୍‍ ବଂଶର ଗଣିତ ଲୋକମାନଙ୍କ ସଂଖ୍ୟା ସତାବନ ହଜାର ଚାରି ଶହ ହେଲା ।
\s5
\v 32 ଯୋଷେଫ-ସନ୍ତାନଗଣର, ଯଥା, ଇଫ୍ରୟିମ ସନ୍ତାନଗଣର ବଂଶ, ପିତୃଗୃହ ଓ ନାମସଂଖ୍ୟାନୁସାରେ ଯୁଦ୍ଧକୁ ଯିବା ଯୋଗ୍ୟ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ପୁରୁଷମାନଙ୍କ ବଂଶାବଳୀ;
\v 33 ଇଫ୍ରୟିମ ବଂଶର ଗଣିତ ଲୋକମାନଙ୍କ ସଂଖ୍ୟା ଚାଳିଶ ହଜାର ପାଞ୍ଚ ଶହ ହେଲା ।
\s5
\v 34 ମନଃଶି-ସନ୍ତାନଗଣର ବଂଶ, ପିତୃଗୃହ ଓ ନାମସଂଖ୍ୟାନୁସାରେ ଯୁଦ୍ଧକୁ ଯିବା ଯୋଗ୍ୟ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ପୁରୁଷମାନଙ୍କର ବଂଶାବଳୀ;
\v 35 ମନଃଶି ବଂଶର ଗଣିତ ଲୋକମାନଙ୍କ ସଂଖ୍ୟା ବତ୍ରିଶ ହଜାର ଦୁଇ ଶହ ହେଲା ।
\s5
\v 36 ବିନ୍ୟାମୀନ୍-ସନ୍ତାନଗଣର ବଂଶ, ପିତୃଗୃହ ଓ ନାମ ସଂଖ୍ୟାନୁସାରେ ଯୁଦ୍ଧକୁ ଯିବା ଯୋଗ୍ୟ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ପୁରୁଷମାନଙ୍କ ବଂଶାବଳୀ;
\v 37 ବିନ୍ୟାମୀନ୍ ବଂଶର ଗଣିତ ଲୋକମାନଙ୍କ ସଂଖ୍ୟା ପଞ୍ଚତ୍ରିଂଶ ହଜାର ଚାରି ଶହ ହେଲା ।
\s5
\v 38 ଦାନ-ସନ୍ତାନଗଣର ବଂଶ, ପିତୃଗୃହ ଓ ନାମ ସଂଖ୍ୟାନୁସାରେ ଯୁଦ୍ଧକୁ ଯିବା ଯୋଗ୍ୟ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ପୁରୁଷମାନଙ୍କର ବଂଶାବଳୀ;
\v 39 ଦାନ ବଂଶର ଗଣିତ ଲୋକମାନଙ୍କ ସଂଖ୍ୟା ବାଷଠି ହଜାର ସାତ ଶହ ହେଲା ।
\s5
\v 40 ଆଶେର-ସନ୍ତାନଗଣର ବଂଶ, ପିତୃଗୃହ ଓ ନାମସଂଖ୍ୟାନୁସାରେ ଯୁଦ୍ଧକୁ ଯିବା ଯୋଗ୍ୟ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ପୁରୁଷମାନଙ୍କର ବଂଶାବଳୀ;
\v 41 ଆଶେର ବଂଶର ଗଣିତ ଲୋକମାନଙ୍କର ସଂଖ୍ୟା ଏକଚାଳିଶ ହଜାର ପାଞ୍ଚ ଶହ ହେଲା ।
\s5
\v 42 ନପ୍ତାଲି-ସନ୍ତାନଗଣର ବଂଶ, ପିତୃଗୃହ ଓ ନାମସଂଖ୍ୟାନୁସାରେ ଯୁଦ୍ଧକୁ ଯିବା ଯୋଗ୍ୟ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ପୁରୁଷମାନଙ୍କ ବଂଶାବଳୀ;
\v 43 ନପ୍ତାଲି ବଂଶର ଗଣିତ ଲୋକମାନଙ୍କ ସଂଖ୍ୟା ତେପନ ହଜାର ଚାରି ଶହ ହେଲା ।
\s5
\v 44 ଏହି ଲୋକମାନେ ଗଣିତ ହେଲେ; ମୋଶା, ହାରୋଣ ଓ ଇସ୍ରାଏଲର ବାର ଜଣ ଅଧିପତି, ଅର୍ଥାତ୍‍, ଏକ ଏକ ପିତୃଗୃହ ନିମନ୍ତେ ଏକ ଏକ ଅଧିପତି ସେମାନଙ୍କୁ ଗଣନା କଲେ ।
\v 45 ଏହିରୂପେ ଇସ୍ରାଏଲ-ସନ୍ତାନଗଣ ଆପଣା ଆପଣା ପିତୃ-ଗୃହାନୁସାରେ ଇସ୍ରାଏଲ ମଧ୍ୟରୁ ଯୁଦ୍ଧକୁ ଯିବା ଯୋଗ୍ୟ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ଲୋକମାନେ ଗଣିତ ହେଲେ ।
\v 46 ଏହିସବୁ ଗଣିତ ଲୋକମାନଙ୍କ ସଂଖ୍ୟା ଛଅ ଲକ୍ଷ ତିନି ହଜାର ପାଞ୍ଚ ଶହ ପଚାଶ ଜଣ ହେଲା ।
\s5
\v 47 ମାତ୍ର ଲେବୀୟମାନେ ଆପଣା ପିତୃବଂଶାନୁସାରେ ସେମାନଙ୍କ ମଧ୍ୟରେ ଗଣା ଗଲେ ନାହିଁ ।
\v 48 କାରଣ ସଦାପ୍ରଭୁ ମୋଶାଙ୍କୁ କହିଥିଲେ,
\v 49 ତୁମ୍ଭେ କେବଳ ଲେବୀୟ ବଂଶର ଗଣନା କରିବ ନାହିଁ, କିଅବା ଇସ୍ରାଏଲ ସନ୍ତାନଗଣ ମଧ୍ୟରେ ସେମାନଙ୍କର ସଂଖ୍ୟା ନେବ ନାହିଁ;
\s5
\v 50 ମାତ୍ର ତୁମ୍ଭେ ସାକ୍ଷ୍ୟର ଆବାସ, ତହିଁର ସକଳ ଦ୍ରବ୍ୟ ଓ ତତ୍‍ସମ୍ବନ୍ଧୀୟ ସମସ୍ତ ବିଷୟ ଉପରେ ଲେବୀୟମାନଙ୍କୁ ନିଯୁକ୍ତ କରିବ; ସେମାନେ ଆବାସ ଓ ତହିଁର ସମସ୍ତ ଦ୍ରବ୍ୟ ବହିବେ ଓ ସେମାନେ ତହିଁର ସେବା କରିବେ ଓ ଆବାସର ଚାରିଆଡ଼େ ଛାଉଣି କରି ରହିବେ ।
\s5
\v 51 ପୁଣି, ଆବାସ ଆଗକୁ ଯିବା ସମୟରେ ଲେବୀୟମାନେ ତାହା ଭାଙ୍ଗିବେ ଓ ଆବାସ ସ୍ଥାପନ କରିବା ସମୟରେ ଲେବୀୟମାନେ ତାହା ସ୍ଥାପନ କରିବେ ଓ ଅନ୍ୟ-ବଂଶୀୟ ଲୋକ ତାହା ନିକଟକୁ ଗଲେ, ତାହାର ପ୍ରାଣଦଣ୍ଡ ହେବ ।
\v 52 ଇସ୍ରାଏଲ-ସନ୍ତାନଗଣ ଆପଣା ଆପଣା ସୈନ୍ୟାନୁସାରେ ଆପଣା ଆପଣା ଛାଉଣିରେ ଆପଣା ଆପଣା ଧ୍ୱଜା ନିକଟରେ ତମ୍ବୁ ସ୍ଥାପନ କରିବେ ।
\s5
\v 53 ମାତ୍ର ଇସ୍ରାଏଲ-ସନ୍ତାନଗଣର ମଣ୍ଡଳୀ ପ୍ରତି ଯେପରି କ୍ରୋଧ ନ ଘଟେ, ଏଥିପାଇଁ ଲେବୀୟମାନେ ସାକ୍ଷ୍ୟ-ଆବାସର ଚାରିଆଡ଼େ ଛାଉଣି ସ୍ଥାପନ କରିବେ; ପୁଣି, ଲେବୀୟମାନେ ସାକ୍ଷ୍ୟ-ଆବାସ ରକ୍ଷା କରିବେ ।
\v 54 ଇସ୍ରାଏଲ-ସନ୍ତାନଗଣ ଏହିରୂପେ କଲେ; ସଦାପ୍ରଭୁ ମୋଶାଙ୍କୁ ଯେଉଁ ସମସ୍ତ ଆଜ୍ଞା ଦେଇଥିଲେ, ତଦନୁସାରେ ସେମାନେ କଲେ ।
\s5
\c 2
\s ଛାଉଣିର ପ୍ରସ୍ତୁତି
\p
\v 1 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ ଓ ହାରୋଣଙ୍କୁ କହିଲେ,
\v 2 "ଇସ୍ରାଏଲ-ସନ୍ତାନଗଣ ପ୍ରତ୍ୟେକେ ଆପଣା ଆପଣା ପିତୃଗୃହର ନିଶାଣ ସ୍ୱରୂପ ଧ୍ୱଜା ନିକଟରେ ଛାଉଣି ସ୍ଥାପନ କରିବେ; ସେମାନେ ସମାଗମ-ତମ୍ବୁ ଆଗରେ ଚାରିଆଡ଼େ ଛାଉଣି ସ୍ଥାପନ କରିବେ ।
\s5
\v 3 ଯେଉଁମାନେ ପୂର୍ବ ଦିଗରେ ସୂର୍ଯ୍ୟୋଦୟ ଆଡ଼େ ଆପଣା ଆପଣା ସୈନ୍ୟାନୁସାରେ ଛାଉଣି ସ୍ଥାପନ କରିବେ, ସେମାନେ ଯିହୂଦା-ଧ୍ୱଜାର ପଶ୍ଚାଦ୍‍ଗାମୀ ଲୋକ; ପୁଣି, ଅମ୍ମୀନାଦବର ପୁତ୍ର ନହଶୋନ ଯିହୂଦା-ସନ୍ତାନଗଣର ଅଧିପତି ହେବ;
\v 4 ପୁଣି, ତାହାର ଗଣିତ ସୈନ୍ୟ ସଂଖ୍ୟା ଚଉସ୍ତରି ହଜାର ଛଅ ଶହ ।
\s5
\v 5 ତାହା ପାଖରେ ଇଷାଖର ବଂଶ ଛାଉଣି ସ୍ଥାପନ କରିବେ, ସୂୟାରର ପୁତ୍ର ନଥନେଲ ଇଷାଖର ସନ୍ତାନଗଣର ଅଧିପତି ହେବ;
\v 6 ତାହାର ଗଣିତ ସୈନ୍ୟସଂଖ୍ୟା ଚଉବନ ହଜାର ଚାରି ଶହ ।
\s5
\v 7 ତହୁଁ ସବୂଲୂନ ବଂଶ; ହେଲୋନର ପୁତ୍ର ଇଲୀୟାବ୍‍ ସବୂଲୂନ ସନ୍ତାନଗଣର ଅଧିପତି ହେବ;
\v 8 ପୁଣି, ତାହାର ଗଣିତ ସୈନ୍ୟ ସଂଖ୍ୟା ସତାବନ ହଜାର ଚାରି ଶହ ।
\s5
\v 9 ଯିହୂଦା-ଛାଉଣିର ଗଣିତ ଲୋକମାନେ ଆପଣା ଆପଣା ସୈନ୍ୟାନୁସାରେ ଏକ ଲକ୍ଷ ଛୟାଅଶୀ ହଜାର ଚାରି ଶହ । ସେମାନେ ପ୍ରଥମେ ଅଗ୍ରସର ହେବେ ।
\s5
\v 10 ଦକ୍ଷିଣ ଦିଗରେ ଆପଣା ଆପଣା ସୈନ୍ୟାନୁସାରେ ରୁବେନ-ଛାଉଣିର ଧ୍ୱଜା ରହିବ; ଶଦେୟରର ପୁତ୍ର ଇଲୀଷୂର ରୁବେନ-ସନ୍ତାନଗଣର ଅଧିପତି ହେବ;
\v 11 ପୁଣି, ତାହାର ଗଣିତ ସୈନ୍ୟ ସଂଖ୍ୟା ଛୟାଳିଶ ହଜାର ପାଞ୍ଚ ଶହ ।
\s5
\v 12 ତାହା ପାଖରେ ଶିମୀୟୋନ ବଂଶ ଛାଉଣି ସ୍ଥାପନ କରିବେ ଓ ସୂରୀଶଦ୍ଦୟର ପୁତ୍ର ଶଲୁମୀୟେଲ ଶିମୀୟୋନ ସନ୍ତାନଗଣର ଅଧିପତି ହେବ;
\v 13 ତାହାର ଗଣିତ ସୈନ୍ୟ ସଂଖ୍ୟା ଊଣଷଠି ହଜାର ତିନି ଶହ ।
\s5
\v 14 ତହୁଁ ଗାଦର ବଂଶ; ରୁୟେଲର ପୁତ୍ର ଇଲୀୟାସଫ୍‍ ଗାଦ ସନ୍ତାନଗଣର ଅଧିପତି ହେବ;
\v 15 ପୁଣି, ତାହାର ଗଣିତ ସୈନ୍ୟ ସଂଖ୍ୟା ପଞ୍ଚଚାଳିଶ ହଜାର ଛଅ ଶହ ପଚାଶ ।
\s5
\v 16 ରୁବେନ-ଛାଉଣିର ଗଣିତ ଲୋକମାନେ ଆପଣା ଆପଣା ସୈନ୍ୟାନୁସାରେ ଏକ ଲକ୍ଷ ଏକାବନ ହଜାର ଚାରି ଶହ ପଚାଶ । ସେମାନେ ଦ୍ୱିତୀୟରେ ଅଗ୍ରସର ହେବେ ।
\s5
\v 17 ଏଉତ୍ତାରେ ସମାଗମ-ତମ୍ବୁ ଲେବୀୟମାନଙ୍କ ଛାଉଣି ସହିତ ଛାଉଣିମାନଙ୍କ ମଧ୍ୟବର୍ତ୍ତୀ ହୋଇ ଅଗ୍ରସର ହେବ; ଯେପରି ସେମାନେ ଛାଉଣି ସ୍ଥାପନ କରିବେ, ସେପରି ପ୍ରତ୍ୟେକେ ସ୍ୱ ସ୍ୱ ସ୍ଥାନରେ ଧ୍ୱଜାର ନିକଟବର୍ତ୍ତୀ ହୋଇ ଅଗ୍ରସର ହେବେ ।
\s5
\v 18 ପଶ୍ଚିମ ଦିଗରେ ଆପଣା ଆପଣା ସୈନ୍ୟାନୁସାରେ ଇଫ୍ରୟିମ-ଛାଉଣିର ଧ୍ୱଜା ରହିବ; ପୁଣି, ଅମ୍ମୀହୂଦର ପୁତ୍ର ଇଲୀଶାମା ଇଫ୍ରୟିମ-ସନ୍ତାନଗଣର ଅଧିପତି ହେବ;
\v 19 ଆଉ ତାହାର ଗଣିତ ସୈନ୍ୟ ସଂଖ୍ୟା ଚାଳିଶ ହଜାର ପାଞ୍ଚ ଶହ ।
\s5
\v 20 ତାହା ପାଖରେ ମନଃଶି ବଂଶ ରହିବେ, ପୁଣି, ପଦାହସୂରର ପୁତ୍ର ଗମଲୀୟେଲ ମନଃଶି-ସନ୍ତାନମାନଙ୍କର ଅଧିପତି ହେବ;
\v 21 ତାହାର ଗଣିତ ସୈନ୍ୟ ସଂଖ୍ୟା ବତିଶ ହଜାର ଦୁଇ ଶହ ।
\s5
\v 22 ତହୁଁ ବିନ୍ୟାମୀନ୍ ବଂଶ; ପୁଣି, ଗିଦିୟୋନିର ପୁତ୍ର ଅବୀଦାନ୍‍ ବିନ୍ୟାମୀନ୍‍-ସନ୍ତାନଗଣର ଅଧିପତି ହେବ;
\v 23 ତାହାର ଗଣିତ ସୈନ୍ୟ ସଂଖ୍ୟା ପଞ୍ଚତିରିଶ ହଜାର ଚାରି ଶହ ।
\s5
\v 24 ଇଫ୍ରୟିମ-ଛାଉଣିର ଗଣିତ ଲୋକମାନେ ଆପଣା ଆପଣା ସୈନ୍ୟାନୁସାରେ ଏକ ଲକ୍ଷ ଆଠ ହଜାର ଏକ ଶହ । ସେମାନେ ତୃତୀୟରେ ଅଗ୍ରସର ହେବେ ।
\s5
\v 25 ଉତ୍ତର ଦିଗରେ ଆପଣା ଆପଣା ସୈନ୍ୟାନୁସାରେ ଦାନ-ଛାଉଣିର ଧ୍ୱଜା ରହିବ; ପୁଣି, ଅମ୍ମୀଶଦ୍ଦୟର ପୁତ୍ର ଅହୀୟେସର ଦାନ-ସନ୍ତାନଗଣର ଅଧିପତି ହେବ;
\v 26 ତାହାର ଗଣିତ ସୈନ୍ୟ ସଂଖ୍ୟା ବାଷଠି ହଜାର ସାତ ଶହ ।
\s5
\v 27 ତାହା ପାଖରେ ଆଶେର୍‍ ବଂଶର ଛାଉଣି ରହିବ; ଅକ୍ରଣର ପୁତ୍ର ପଗୀୟେଲ ଆଶେର-ସନ୍ତାନଗଣର ଅଧିପତି ହେବ;
\v 28 ତାହାର ଗଣିତ ସୈନ୍ୟ ସଂଖ୍ୟା ଏକଚାଳିଶ ହଜାର ପାଞ୍ଚ ଶହ ।
\s5
\v 29 ତହୁଁ ନପ୍ତାଲି ବଂଶ; ଐନନର ପୁତ୍ର ଅହୀର ନପ୍ତାଲି ସନ୍ତାନଗଣର ଅଧିପତି ହେବ;
\v 30 ତାହାର ଗଣିତ ସୈନ୍ୟ ସଂଖ୍ୟା ତେପନ ହଜାର ଚାରି ଶହ ।
\s5
\v 31 ଦାନ-ଛାଉଣିର ଗଣିତ ଲୋକମାନଙ୍କ ସଂଖ୍ୟା ଏକ ଲକ୍ଷ ସତାବନ ହଜାର ଛଅ ଶହ । ସେମାନେ ଆପଣାମାନଙ୍କ ଧ୍ୱଜା ନେଇ ସମସ୍ତଙ୍କ ପଛେ ଅଗ୍ରସର ହେବେ ।"
\s5
\v 32 ଏମାନେ ଇସ୍ରାଏଲ-ସନ୍ତାନଗଣ ମଧ୍ୟରେ ଆପଣା ଆପଣା ପିତୃଗୃହାନୁସାରେ ଗଣିତ ହେଲେ; ଆପଣା ଆପଣା ସୈନ୍ୟାନୁସାରେ ସମସ୍ତ ଛାଉଣିର ଗଣିତ ଲୋକସଂଖ୍ୟା ଛଅ ଲକ୍ଷ ତିନି ହଜାର ପାଞ୍ଚ ଶହ ପଚାଶ ହେଲା ।
\v 33 ମାତ୍ର ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଲେବୀୟମାନେ ଇସ୍ରାଏଲ-ସନ୍ତାନଗଣ ମଧ୍ୟରେ ଗଣିତ ହେଲେ ନାହିଁ ।
\s5
\v 34 ଏହିରୂପେ ଇସ୍ରାଏଲ-ସନ୍ତାନଗଣ କଲେ; ସଦାପ୍ରଭୁ ମୋଶାଙ୍କୁ ଯେପରି ଆଜ୍ଞାସବୁ ଦେଇଥିଲେ, ସେପରି ସେମାନେ ଆପଣା ଆପଣା ବଂଶ ନିକଟରେ ଆପଣା ଆପଣା ପିତୃଗୃହାନୁସାରେ ଆପଣା ଆପଣା ଧ୍ୱଜା ନିକଟରେ ଛାଉଣି ସ୍ଥାପନ କଲେ ଓ ସେହିପରି ସେମାନେ ଅଗ୍ରସର ହେଲେ ।
\s5
\c 3
\s ହାରୋଣଙ୍କ ପୁତ୍ରଗଣ
\p
\v 1 ଯେଉଁଦିନ ସଦାପ୍ରଭୁ ସୀନୟ ପର୍ବତରେ ମୋଶାଙ୍କ ସଙ୍ଗେ କଥା କହିଲେ, ସେହିଦିନ ହାରୋଣ ଓ ମୋଶାଙ୍କର ବଂଶାବଳୀ ଏହି ।
\v 2 ହାରୋଣଙ୍କର ପୁତ୍ରଗଣର ନାମ ଏହି; ପ୍ରଥମଜାତ ନାଦବ୍‍, ତହୁଁ ଅବୀହୂ ଓ ଇଲୀୟାସର ଓ ଈଥାମର ।
\s5
\v 3 ହାରୋଣଙ୍କର ଯେଉଁ ପୁତ୍ରମାନେ ଯାଜକ ରୂପେ ଅଭିଷିକ୍ତ ହୋଇଥିଲେ ଓ ଯେଉଁମାନଙ୍କୁ ସେ ଯାଜକର କର୍ମ କରିବା ପାଇଁ ନିଯୁକ୍ତ କରିଥିଲେ, ସେମାନଙ୍କର ନାମ ଏହି ।
\v 4 ମାତ୍ର ନାଦବ୍‍ ଓ ଅବୀହୂ ସୀନୟ ପ୍ରାନ୍ତରରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଇତର ଅଗ୍ନି ଉତ୍ସର୍ଗ କରି ସଦାପ୍ରଭୁଙ୍କ ସମ୍ମୁଖରେ ପ୍ରାଣତ୍ୟାଗ କରିଥିଲେ, ସେମାନଙ୍କର ସନ୍ତାନ ନ ଥିଲା; ଏଥିସକାଶୁ ଇଲୀୟାସର ଓ ଈଥାମର ଆପଣା ପିତା ହାରୋଣଙ୍କ ସାକ୍ଷାତରେ ଯାଜକ କର୍ମ କଲେ ।
\s ଲେବୀୟମାନଙ୍କ ଦାୟିତ୍ୱ
\p
\s5
\v 5 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
\v 6 "ତୁମ୍ଭେ ଲେବୀୟ ବଂଶକୁ ଆଣି ହାରୋଣ ସମ୍ମୁଖରେ ଉପସ୍ଥିତ କରାଅ, ସେମାନେ ତାହାର ସେବା କରିବେ ।
\s5
\v 7 ଆଉ ସେମାନେ ଆବାସର ସେବାକର୍ମ କରିବା ନିମନ୍ତେ ସମାଗମ-ତମ୍ବୁ ସମ୍ମୁଖରେ ତାହାର ଓ ସମସ୍ତ ମଣ୍ଡଳୀର ରକ୍ଷଣୀୟ ରକ୍ଷା କରିବେ ।
\v 8 ପୁଣି, ସେମାନେ ଆବାସର ସେବାକର୍ମ କରିବା ନିମନ୍ତେ ସମାଗମ-ତମ୍ବୁର ସମସ୍ତ ଦ୍ରବ୍ୟ ଓ ଇସ୍ରାଏଲ-ସନ୍ତାନଗଣ ରକ୍ଷଣୀୟ ରକ୍ଷା କରିବେ ।"
\s5
\v 9 ଆଉ ତୁମ୍ଭେ ହାରୋଣ ଓ ତାହର ପୁତ୍ରଗଣର ହସ୍ତରେ ଲେବୀୟମାନଙ୍କୁ ସମର୍ପଣ କରିବ; ସେମାନେ ଇସ୍ରାଏଲସନ୍ତାନଗଣ ପକ୍ଷରେ ତାହା ପ୍ରତି ସମ୍ପୂର୍ଣ୍ଣ ରୂପେ ଦତ୍ତ ଲୋକ,
\v 10 ପୁଣି, ତୁମ୍ଭେ ହାରୋଣକୁ ଓ ତାହାର ପୁତ୍ରଗଣକୁ ନିଯୁକ୍ତ କରିବ, ତହିଁରେ ସେମାନେ ଆପଣାମାନଙ୍କ ଯାଜକତ୍ୱ-ପଦ ରକ୍ଷା କରିବେ ଓ ଅନ୍ୟ ବଂଶୀୟ ଯେକେହି ନିକଟବର୍ତ୍ତୀ ହେବ, ତାହାର ପ୍ରାଣଦଣ୍ଡ ହେବ ।
\s5
\v 11 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
\v 12 "ଆମ୍ଭେ, ଦେଖ, ଆମ୍ଭେ ଇସ୍ରାଏଲ-ସନ୍ତାନଗଣ ମଧ୍ୟରେ ସମସ୍ତ ପ୍ରଥମଜାତ ଗର୍ଭଫଳ ପରିବର୍ତ୍ତରେ ଇସ୍ରାଏଲ ସନ୍ତାନଗଣ ମଧ୍ୟରୁ ଲେବୀୟମାନଙ୍କୁ ଗ୍ରହଣ କଲୁ, ଏଣୁ ଲେବୀୟମାନେ ଆମ୍ଭର ହେବେ ।
\v 13 କାରଣ ପ୍ରଥମଜାତ ସମସ୍ତ ଆମ୍ଭର; ଯେଉଁଦିନ ଆମ୍ଭେ ମିସର ଦେଶରେ ପ୍ରଥମଜାତ ସକଳକୁ ଆଘାତ କଲୁ, ସେହିଦିନ ଆମ୍ଭେ ଇସ୍ରାଏଲ ମଧ୍ୟରେ ମନୁଷ୍ୟ ଓ ପଶୁ ସମସ୍ତ ପ୍ରଥମଜାତକୁ ଆପଣା ଉଦ୍ଦେଶ୍ୟରେ ପବିତ୍ର କଲୁ; ସେମାନେ ଆମ୍ଭର; ଆମ୍ଭେ ସଦାପ୍ରଭୁ ଅଟୁ ।"
\s5
\v 14 ଏଥିଉତ୍ତାରେ ସଦାପ୍ରଭୁ ସୀନୟ ପ୍ରାନ୍ତରରେ ମୋଶାଙ୍କୁ କହିଲେ,
\v 15 "ଆପଣା ଆପଣା ପିତୃଗୃହ ଓ ଆପଣା ଆପଣା ବଂଶାନୁସାରେ ଲେବୀୟ ସନ୍ତାନଗଣକୁ ଗଣନା କର; ତୁମ୍ଭେ ଏକ ମାସରୁ ଅଧିକ ବୟସ୍କ ସମସ୍ତ ପୁରୁଷଙ୍କୁ ଗଣନା କରିବ ।"
\v 16 ତହିଁରେ ମୋଶା ଆଜ୍ଞାନୁସାରେ ସଦାପ୍ରଭୁଙ୍କ ବାକ୍ୟାନୁସାରେ ସେମାନଙ୍କୁ ଗଣନା କଲେ ।
\s5
\v 17 ଆପଣା ଆପଣା ନାମାନୁସାରେ ଏମାନେ ଲେବୀର ପୁତ୍ରଗଣ; ଯଥା, ଗେର୍ଶୋନ୍‍, କହାତ୍‍ ଓ ମରାରି ।
\v 18 ପୁଣି, ଆପଣା ଆପଣା ବଂଶାନୁସାରେ ଗେର୍ଶୋନ୍‍ର ସନ୍ତାନମାନଙ୍କ ନାମ ଲିବ୍‍ନି ଓ ଶିମୀୟି ।
\v 19 ପୁଣି, ଆପଣା ଆପଣା ବଂଶାନୁସାରେ କହାତ୍‍ର ସନ୍ତାନମାନଙ୍କ ନାମ ଅମ୍ରମ୍‍, ଯିଷ୍‍ହର, ହିବ୍ରୋଣ ଓ ଉଷୀୟେଲ ।
\v 20 ପୁଣି, ଆପଣା ଆପଣା ବଂଶାନୁସାରେ ମରାରିର ସନ୍ତାନମାନଙ୍କ ନାମ ମହଲି ଓ ମୂଶି; ଏମାନେ ଆପଣା ଆପଣା ପିତୃଗୃହାନୁସାରେ ଲେବୀୟମାନଙ୍କ ବଂଶ ।
\s5
\v 21 ଗେର୍ଶୋନଠାରୁ ଲିବ୍‍ନି ବଂଶ ଓ ଶିମୀୟିର ବଂଶ ଉତ୍ପନ୍ନ ହେଲେ; ଏମାନେ ଗେର୍ଶୋନୀୟ ବଂଶ ।
\v 22 ଏମାନଙ୍କ ମଧ୍ୟରେ ଏକ ମାସରୁ ଅଧିକ ବୟସ୍କ ଯେଉଁ ସମସ୍ତ ପୁରୁଷ ଗଣିତ ହେଲେ, ସେମାନଙ୍କର ଗଣିତ ଲୋକ ସଂଖ୍ୟା ସାତ ହଜାର ପାଞ୍ଚଶହ ହେଲା ।
\v 23 ଗେର୍ଶୋନୀୟ ବଂଶ ପଶ୍ଚିମ ଦିଗରେ ଆବାସର ପଶ୍ଚାଦ୍‍ ଭାଗରେ ଛାଉଣି ସ୍ଥାପନ କରିବେ ।
\s5
\v 24 ପୁଣି, ଲାୟେଲର ପୁତ୍ର ଇଲୀୟାସଫ୍‍ ଗେର୍ଶୋନୀୟମାନଙ୍କ ପିତୃଗୃହର ଅଧିପତି ହେବ ।
\v 25 ପୁଣି, ସମାଗମ-ତମ୍ବୁର ଏହି ସମସ୍ତ ଦ୍ରବ୍ୟ ଗେର୍ଶୋନୀୟ ସନ୍ତାନମାନଙ୍କର ରକ୍ଷଣୀୟ ହେବ, ଯଥା, ଆବାସ ଓ ତମ୍ବୁ, ତହିଁର ଛାତ ଓ ସମାଗମ-ତମ୍ବୁ ଦ୍ୱାରର ଆଚ୍ଛାଦନ ବସ୍ତ୍ର,
\v 26 ପ୍ରାଙ୍ଗଣର ପରଦାସକଳ, ଆବାସ ଓ ବେଦିର ଚତୁର୍ଦ୍ଦିଗସ୍ଥିତ ପ୍ରାଙ୍ଗଣ ଦ୍ୱାରର ଆଚ୍ଛାଦନ ବସ୍ତ୍ର ଓ ତହିଁର ସେବାକାର୍ଯ୍ୟ ନିମିତ୍ତ ସମସ୍ତ ରଜ୍ଜୁ ।
\s5
\v 27 ଆଉ କହାତ୍‍ଠାରୁ ଅମ୍ରମୀୟ ବଂଶ, ଯିଷ୍‍ହରୀୟ ବଂଶ, ହିବ୍ରୋଣୀୟ ବଂଶ ଓ ଉଷୀୟେଲୀୟ ବଂଶ ଉତ୍ପନ୍ନ ହେଲେ; ଏମାନେ କହାତୀୟ ବଂଶ ।
\v 28 ଏକ ମାସରୁ ଅଧିକ ବୟସ୍କ ପୁରୁଷମାନଙ୍କ ଗଣନାନୁସାରେ ଆଠ ହଜାର ଛଅ ଶହ ଲୋକ ପବିତ୍ର ସ୍ଥାନର ରକ୍ଷକ ହେଲେ ।
\v 29 କହାତୀୟ ସନ୍ତାନମାନଙ୍କ ବଂଶ ଦକ୍ଷିଣ ଦିଗରେ ଆବାସ ନିକଟରେ ଛାଉଣି ସ୍ଥାପନ କରିବେ ।
\s5
\v 30 ଆଉ ଉଷୀୟେଲର ପୁତ୍ର ଇଲୀଷାଫନ୍‍ କହାତୀୟ ବଂଶର ଅଧିପତି ହେବ ।
\v 31 ପୁଣି, ସିନ୍ଦୁକ, ମେଜ, ଦୀପବୃକ୍ଷ, ଯଜ୍ଞବେଦି, ପବିତ୍ର ସ୍ଥାନର ସେବା ସମ୍ବନ୍ଧୀୟ ସକଳ ପାତ୍ର, ପରଦା ଓ ତତ୍ସମ୍ବନ୍ଧୀୟ ସମସ୍ତ ସେବାକାର୍ଯ୍ୟ ସେମାନଙ୍କର ରକ୍ଷଣୀୟ ହେବ ।
\v 32 ପୁଣି, ହାରୋଣ ଯାଜକଙ୍କର ପୁତ୍ର ଇଲୀୟାସର ଲେବୀୟ ଅଧିପତିମାନଙ୍କର ଅଧିପତି ହେବ ଓ ପବିତ୍ର ସ୍ଥାନର ରକ୍ଷକମାନଙ୍କ ଉପରେ ତତ୍ତ୍ୱାବଧାନ କରିବ ।
\s5
\v 33 ଆଉ ମରାରିଠାରୁ ମହଲୀୟ ବଂଶ ଓ ମୂଶୀୟ ବଂଶ ଉତ୍ପନ୍ନ ହେଲେ; ଏମାନେ ମରାରୀୟ ବଂଶ ।
\v 34 ପୁଣି, ଏମାନଙ୍କ ମଧ୍ୟରେ ଏକ ମାସରୁ ଅଧିକ ବୟସ୍କ ପୁରୁଷମାନଙ୍କ ଗଣନାନୁସାରେ ଛଅ ହଜାର ଦୁଇ ଶହ ଲୋକ ହେଲେ ।
\v 35 ଆଉ ଅବୀହୟଲର ପୁତ୍ର ସୂରୀୟେଲ ମରାରି ବଂଶର ପିତୃଗୃହର ଅଧିପତି ହେଲା; ସେମାନେ ଉତ୍ତର ଦିଗରେ ଆବାସ ନିକଟରେ ଛାଉଣି ସ୍ଥାପନ କରିବେ ।
\s5
\v 36 ଆଉ ଆବାସର ପଟା, ଅର୍ଗଳ, ସ୍ତମ୍ଭ, ଚୁଙ୍ଗୀ, ତହିଁର ସମସ୍ତ ଦ୍ରବ୍ୟ ଓ ତତ୍ସମ୍ବନ୍ଧୀୟ ସେବାକାର୍ଯ୍ୟ,
\v 37 ପ୍ରାଙ୍ଗଣର ଚତୁର୍ଦ୍ଦିଗସ୍ଥିତ ସ୍ତମ୍ଭ, ତହିଁର ସକଳ ଚୁଙ୍ଗୀ, ମେଖ ଓ ରଜ୍ଜୁ ମରାରି ସନ୍ତାନଗଣର ନିରୂପିତ ରକ୍ଷଣୀୟ ହେବ ।
\s5
\v 38 ପୁଣି, ଯେଉଁମାନେ ଆବାସର ପୂର୍ବ ଦିଗରେ ସମାଗମ-ତମ୍ବୁ ସମ୍ମୁଖରେ ସୂର୍ଯ୍ୟୋଦୟ ଆଡ଼େ ଛାଉଣି ସ୍ଥାପନ କରିବେ, ସେମାନେ ମୋଶା, ହାରୋଣ ଓ ତାହାର ପୁତ୍ରଗଣ; ଏମାନେ ଇସ୍ରାଏଲ-ସନ୍ତାନଗଣର ରକ୍ଷଣୀୟ ବୋଲି ପବିତ୍ର ସ୍ଥାନର ରକ୍ଷଣୀୟ ରକ୍ଷା କରିବେ; ଆଉ ଅନ୍ୟ ବଂଶୀୟ କୌଣସି ଲୋକ ତହିଁର ନିକଟବର୍ତ୍ତୀ ହେଲେ ହତ ହେବ ।
\v 39 ଲେବୀୟମାନଙ୍କ ମଧ୍ୟରୁ ଯେଉଁମାନେ ଗଣିତ ହେଲେ, ଯେଉଁମାନଙ୍କୁ ମୋଶା ଓ ହାରୋଣ ସଦାପ୍ରଭୁଙ୍କ ଆଜ୍ଞା ପ୍ରମାଣେ ସେମାନଙ୍କ ବଂଶାନୁସାରେ ଗଣନା କଲେ, ସେମାନଙ୍କର ଏକ ମାସରୁ ଅଧିକ ବୟସ୍କ ସମସ୍ତ ପୁରୁଷ ସଂଖ୍ୟାରେ ବାଇଶ ହଜାର ହେଲେ ।
\s ପ୍ରଥମଜାତ ପରିବର୍ତ୍ତେ ଲେବୀୟ
\p
\s5
\v 40 ତହୁଁ ସଦାପ୍ରଭୁ ମୋଶାଙ୍କୁ କହିଲେ, "ତୁମ୍ଭେ ଇସ୍ରାଏଲ ସନ୍ତାନଗଣର ଏକ ମାସରୁ ଅଧିକ ବୟସ୍କ ସମସ୍ତ ପ୍ରଥମଜାତ ପୁରୁଷଙ୍କୁ ଗଣନା କର ଓ ସେମାନଙ୍କ ନାମ ସଂଖ୍ୟା କର ।"
\v 41 ଆମ୍ଭେ ସଦାପ୍ରଭୁ; ଆମ୍ଭ ନିମନ୍ତେ ଇସ୍ରାଏଲ-ସନ୍ତାନଗଣର ସମସ୍ତ ପ୍ରଥମଜାତ ଲୋକ ବଦଳେ ଲେବୀୟମାନଙ୍କୁ ଗ୍ରହଣ କରିବ; ପୁଣି, ଇସ୍ରାଏଲ-ସନ୍ତାନଗଣର ସମସ୍ତ ପ୍ରଥମଜାତ ପଶୁ ବଦଳେ ଲେବୀୟମାନଙ୍କର ପଶୁ ଗ୍ରହଣ କରିବ ।
\s5
\v 42 ତହିଁରେ ମୋଶା ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଇସ୍ରାଏଲ-ସନ୍ତାନଗଣ ମଧ୍ୟରେ ସମସ୍ତ ପ୍ରଥମଜାତ ଲୋକର ଗଣନା କଲେ ।
\v 43 ପୁଣି, ସେମାନଙ୍କର ଏକ ମାସରୁ ଅଧିକ ବୟସ୍କ ସମସ୍ତ ପ୍ରଥମଜାତ ପୁରୁଷର ନାମସଂଖ୍ୟାନୁସାରେ ଯେଉଁମାନେ ଗଣିତ ହେଲେ, ସେମାନଙ୍କ ସଂଖ୍ୟା ବାଇଶ ହଜାର ଦୁଇ ଶହ ତେସ୍ତରି ହେଲା ।
\s5
\v 44 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
\v 45 "ତୁମ୍ଭେ ଇସ୍ରାଏଲ-ସନ୍ତାନଗଣର ସମସ୍ତ ପ୍ରଥମଜାତ ଲୋକ ବଦଳେ ଲେବୀୟମାନଙ୍କୁ ଓ ସେମାନଙ୍କ ପଶୁ ବଦଳେ ଲେବୀୟମାନଙ୍କର ପଶୁମାନଙ୍କୁ ଗ୍ରହଣ କର; ଆଉ ଲେବୀୟମାନେ ଆମ୍ଭର ହେବେ; ଆମ୍ଭେ ସଦାପ୍ରଭୁ ଅଟୁ ।
\s5
\v 46 ପୁଣି, ଇସ୍ରାଏଲ-ସନ୍ତାନଗଣର ପ୍ରଥମଜାତ ଲୋକମାନଙ୍କ ମଧ୍ୟରେ ଲେବୀୟମାନଙ୍କ ସଂଖ୍ୟାରୁ ଅଧିକ ଦୁଇ ଶହ ତେସ୍ତରି ଲୋକର ମୁକ୍ତି ନିମନ୍ତେ,
\v 47 ତୁମ୍ଭେ ମୁଣ୍ଡ ପିଛା ପାଞ୍ଚ ଶେକଲ ଲେଖାଏଁ ନେବ; ପବିତ୍ର ସ୍ଥାନର ଶେକଲ ଅନୁସାରେ ତୁମ୍ଭେ ତାହା ନେବ, (କୋଡ଼ିଏ ଗେରାରେ ଏକ ଶେକଲ)।
\v 48 ଆଉ ତୁମ୍ଭେ ସେହି ବଳକା ଲୋକମାନଙ୍କ ମୁକ୍ତିର ମୂଲ୍ୟ ନେଇ ହାରୋଣ ଓ ତାହାର ପୁତ୍ରମାନଙ୍କୁ ଦେବ ।
\v 49 ତହୁଁ ମୋଶା ଲେବୀୟମାନଙ୍କ ଦ୍ୱାରା ମୁକ୍ତ ଲୋକଙ୍କ ବ୍ୟତୀତ ଅବଶିଷ୍ଟ ଲୋକମାନଙ୍କ ମୁକ୍ତି-ମୂଲ୍ୟ ନେଲେ ।
\v 50 ଇସ୍ରାଏଲ-ସନ୍ତାନଗଣର ପ୍ରଥମଜାତ ଲୋକମାନଙ୍କଠାରୁ ସେ ସେହି ମୂଲ୍ୟ ନେଲେ; ସେ ପବିତ୍ର ସ୍ଥାନର ଶେକଲ ଅନୁସାରେ ଏକ ହଜାର ତିନି ଶହ ପଞ୍ଚଷଠି ଶେକଲ ନେଲେ;
\v 51 ପୁଣି, ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ମୋଶା ସଦାପ୍ରଭୁଙ୍କ ବାକ୍ୟ ପ୍ରମାଣେ ସେହି ମୁକ୍ତି-ମୂଲ୍ୟ ହାରୋଣଙ୍କୁ ଓ ତାଙ୍କର ପୁତ୍ରଗଣଙ୍କୁ ଦେଲେ ।
\s5
\c 4
\s କହାତ୍‍ ବଂଶୀୟ ଲେବୀୟମାନଙ୍କ ଦାୟିତ୍ୱ
\p
\v 1 ଏଥିଉତ୍ତାରେ ସଦାପ୍ରଭୁ ମୋଶା ଓ ହାରୋଣଙ୍କୁ କହିଲେ,
\v 2 "ତୁମ୍ଭେମାନେ ଲେବୀର ସନ୍ତାନଗଣ ମଧ୍ୟରୁ କହାତ-ସନ୍ତାନମାନଙ୍କର ବଂଶ ଓ ପିତୃଗୃହ ଅନୁସାରେ
\v 3 ତିରିଶ ବର୍ଷ ବୟସ୍କଠାରୁ ପଚାଶ ବର୍ଷ ବୟସ୍କ ପର୍ଯ୍ୟନ୍ତ ଯେଉଁମାନେ ସମାଗମ-ତମ୍ବୁରେ କାର୍ଯ୍ୟ କରିବାକୁ ସେବକ ଶ୍ରେଣୀଭୁକ୍ତ ହୁଅନ୍ତି, ସେମାନଙ୍କୁ ଗଣନା କର ।"
\v 4 ସମାଗମ-ତମ୍ବୁରେ ମହାପବିତ୍ର ଦ୍ରବ୍ୟାଦିର (ରକ୍ଷା) କହାତ-ସନ୍ତାନଗଣର ସେବା ଅଟେ ।
\s5
\v 5 ଛାଉଣି ଅଗ୍ରସର ହେବା ସମୟରେ ହାରୋଣ ଓ ତାହାର ପୁତ୍ରଗଣ ଭିତରେ ଯାଇ ଆଚ୍ଛାଦନର ବିଚ୍ଛେଦ ବସ୍ତ୍ର ନେଇ ସାକ୍ଷ୍ୟ-ସିନ୍ଦୁକ ଢାଙ୍କିବେ
\v 6 ଓ ତହିଁ ଉପରେ ଶିଶୁକଚର୍ମର ଆଚ୍ଛାଦନ ଦେବେ ଓ ତହିଁ ଉପରେ ସମ୍ପୂର୍ଣ୍ଣ ନୀଳବର୍ଣ୍ଣ ଏକ ବସ୍ତ୍ର ଦେବେ, ତହିଁ ଉତ୍ତାରେ ତହିଁର ସାଙ୍ଗୀ ଲଗାଇବେ ।
\s5
\v 7 ଏଥିଉତ୍ତାରେ ସେମାନେ ଦର୍ଶନୀୟ ରୋଟୀର ମେଜ ଉପରେ ନୀଳବର୍ଣ୍ଣ ଏକ ବସ୍ତ୍ର ବିଛାଇବେ, ତହିଁ ଉପରେ ଥାଳୀ, ଚାମଚ, ଗଡ଼ୁ ଓ ଢାଳିବା ପାତ୍ରସକଳ ରଖିବେ ଓ ତହିଁ ଉପରେ ନିତ୍ୟ ରୁଟି ରହିବ ।
\v 8 ସେହି ସମସ୍ତର ଉପରେ ସେମାନେ ଏକ ସିନ୍ଦୂରବର୍ଣ୍ଣ ବସ୍ତ୍ର ବିଛାଇବେ ଓ ଶିଶୁକଚର୍ମର ଆଚ୍ଛାଦନ ଦେଇ ତାହା ଢାଙ୍କିବେ, ତହୁଁ ତହିଁର ସାଙ୍ଗୀ ଲଗାଇବେ ।
\s5
\v 9 ଏଉତ୍ତାରେ ସେମାନେ ଏକ ନୀଳବର୍ଣ୍ଣ ବସ୍ତ୍ର ନେଇ ଆଲୁଅର ଦୀପବୃକ୍ଷ, ତହିଁର ପ୍ରଦୀପ, ଚିମୁଟା, ଅଙ୍ଗାରଧାନୀ ଓ ତହିଁର ସେବାର୍ଥକ ସମସ୍ତ ତୈଳପାତ୍ର ଆଚ୍ଛାଦନ କରିବେ ।
\v 10 ପୁଣି, ସେମାନେ ତାହା ଓ ତହିଁର ସମସ୍ତ ପାତ୍ର ଶିଶୁକଚର୍ମର ଏକ ଆଚ୍ଛାଦନରେ ରଖି ଦୋଳା ଉପରେ ଥୋଇବେ ।
\v 11 ପୁଣି, ସେମାନେ ସ୍ୱର୍ଣ୍ଣମୟ ବେଦି ଉପରେ ନୀଳବର୍ଣ୍ଣ ଏକ ବସ୍ତ୍ର ବିଛାଇ ତାହା ଶିଶୁକଚର୍ମରେ ଢ଼ାଙ୍କିବେ ଓ ତହିଁରେ ସାଙ୍ଗୀ ଲଗାଇବେ ।
\s5
\v 12 ଆଉ ସେମାନେ ପବିତ୍ର ସ୍ଥାନର ସେବାର୍ଥକ ସମସ୍ତ ପାତ୍ର ନେଇ ନୀଳବର୍ଣ୍ଣ ବସ୍ତ୍ର ମଧ୍ୟରେ ରଖିବେ ଓ ଶିଶୁକଚର୍ମର ଏକ ଆଚ୍ଛାଦନରେ ତାହା ଢାଙ୍କି ଦୋଳା ଉପରେ ରଖିବେ ।
\v 13 ପୁଣି, ସେମାନେ ବେଦିରୁ ଭସ୍ମ କାଢ଼ି ନେଇ ତହିଁ ଉପରେ ବାଇଗଣିଆ ବର୍ଣ୍ଣ ବସ୍ତ୍ର ବିଛାଇବେ ।
\v 14 ଆଉ ତହିଁ ଉପରେ ସେମାନେ ଅଙ୍ଗାରଧାନୀ, ତ୍ରିଶୂଳ, କରଚୁଲି ଓ କୁଣ୍ଡ ପ୍ରଭୃତି ବେଦିର ସେବାର୍ଥକ ସମସ୍ତ ପାତ୍ର ରଖିବେ; ତହୁଁ ସେମାନେ ତହିଁ ଉପରେ ଶିଶୁକଚର୍ମର ଆଚ୍ଛାଦନ ଦେଇ ସାଙ୍ଗୀ ଲଗାଇବେ ।
\s5
\v 15 ଏହିରୂପେ ଛାଉଣି ଅଗ୍ରସର ହେବା ସମୟରେ ହାରୋଣ, ତାଙ୍କର ପୁତ୍ରଗଣ ପବିତ୍ର ସ୍ଥାନ ଓ ପବିତ୍ର ସ୍ଥାନର ସମସ୍ତ ଦ୍ରବ୍ୟ ଢାଙ୍କିବାର ଶେଷ କଲା ଉତ୍ତାରେ କହାତ୍‍-ସନ୍ତାନଗଣ ତାହା ବହିବା ପାଇଁ ଆସିବେ; ମାତ୍ର ସେମାନଙ୍କର ମୃତ୍ୟୁ ଯେପରି ନ ହୁଏ, ଏଥିପାଇଁ ସେମାନେ ପବିତ୍ର ସ୍ଥାନ ସ୍ପର୍ଶ କରିବେ ନାହିଁ । ଏହା ହିଁ ସମାଗମ-ତମ୍ବୁରେ କହାତ୍‍-ସନ୍ତାନଗଣର ଭାର ହେବ ।
\v 16 ଆଉ ସମସ୍ତ ଆବାସର ଓ ତନ୍ମଧ୍ୟସ୍ଥିତ ସମସ୍ତ ଦ୍ରବ୍ୟର, ପବିତ୍ର ସ୍ଥାନର ଓ ତହିଁରେ ସ୍ଥିତ ସମସ୍ତ ଦ୍ରବ୍ୟର ତତ୍ତ୍ୱାବଧାନ, ଅର୍ଥାତ୍‍, ଦୀପାର୍ଥକ ତୈଳ, ଧୂପାର୍ଥକ ସୁଗନ୍ଧି ଦ୍ରବ୍ୟ, ନିତ୍ୟ ଭକ୍ଷ୍ୟ-ନୈବେଦ୍ୟ ଓ ଅଭିଷେକାର୍ଥକ ତୈଳ, ଏହି ସବୁର ତତ୍ତ୍ୱାବଧାନ କାର୍ଯ୍ୟ ହାରୋଣଙ୍କ ପୁତ୍ର ଇଲୀୟାସର ଯାଜକର ହେବ ।
\s5
\v 17 ଏଥିଉତ୍ତାରେ ସଦାପ୍ରଭୁ ମୋଶା ହାରୋଣଙ୍କୁ କହିଲେ,
\v 18 "ତୁମ୍ଭେମାନେ ଲେବୀୟମାନଙ୍କ ମଧ୍ୟରୁ କହାତ୍‍ ବଂଶୀୟ ଗୋଷ୍ଠୀକୁ ଉଚ୍ଛିନ୍ନ କର ନାହିଁ" !
\v 19 ମାତ୍ର ସେମାନେ ମହାପବିତ୍ର ସ୍ଥାନର ନିକଟବର୍ତ୍ତୀ ହେଲା ସମୟରେ ଯେପରି ନ ମରି ବଞ୍ଚନ୍ତି, ଏଥିପାଇଁ ତୁମ୍ଭେମାନେ ସେମାନଙ୍କ ପ୍ରତି ଏରୂପ କରିବ; ହାରୋଣ ଓ ତାହାର ପୁତ୍ରଗଣ ଭିତରେ ଯାଇ ସେମାନଙ୍କର ପ୍ରତ୍ୟେକ ଜଣକୁ ଆପଣା ଆପଣା ସେବାରେ ଓ ଭାର ବହନରେ ନିଯୁକ୍ତ କରିବେ ।
\v 20 ମାତ୍ର ସେମାନେ ଯେପରି ନ ମରନ୍ତି, ଏଥିପାଇଁ ସେମାନେ ପବିତ୍ର ସ୍ଥାନ ଦେଖିବା ନିମନ୍ତେ ଏକ ନିମିଷ ପର୍ଯ୍ୟନ୍ତ ଭିତରକୁ ଯିବେ ନାହିଁ ।"
\s ଗେର୍ଶୋନ ବଂଶୀୟ ଲେବୀୟମାନଙ୍କ ଦାୟିତ୍ୱ
\p
\s5
\v 21 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
\v 22 "ତୁମ୍ଭେ ଗେର୍ଶୋନ-ସନ୍ତାନଗଣର ପିତୃଗୃହ ଓ ବଂଶାନୁସାରେ ସେମାନଙ୍କର ସଂଖ୍ୟା ନିଅ;
\v 23 ତିରିଶ ବର୍ଷ ବୟସ୍କଠାରୁ ପଚାଶ ବର୍ଷ ବୟସ୍କ ପର୍ଯ୍ୟନ୍ତ ଯେଉଁମାନେ ସମାଗମ-ତମ୍ବୁରେ କାର୍ଯ୍ୟ କରିବା ନିମନ୍ତେ ସେବକ ଶ୍ରେଣୀଭୁକ୍ତ ହୁଅନ୍ତି, ସେମାନଙ୍କୁ ଗଣନା କର ।
\s5
\v 24 ସେବା କରିବା ଓ ଭାର ବହିବା କାର୍ଯ୍ୟ ମଧ୍ୟରେ ଗେର୍ଶୋନୀୟ ବଂଶର ସେବା ଏହି;
\v 25 ସେମାନେ ଆବାସର ଯବନିକା ସକଳ ଓ ସମାଗମ-ତମ୍ବୁ, ତହିଁର ଆଚ୍ଛାଦନ ଓ ତହିଁର ଉପରିସ୍ଥିତ ଶିଶୁକର ଚର୍ମର ଛାତ ଓ ସମାଗମ-ତମ୍ବୁ ଦ୍ୱାରର ଆଚ୍ଛାଦନ ବସ୍ତ୍ର;
\v 26 ଆଉ ପ୍ରାଙ୍ଗଣର ପରଦାସକଳ, ଆବାସର ଓ ବେଦିର ଚତୁର୍ଦ୍ଦିଗସ୍ଥିତ ପ୍ରାଙ୍ଗଣ ଦ୍ୱାରର ଆଚ୍ଛାଦନ ବସ୍ତ୍ର, ତହିଁର ରଜ୍ଜୁ ଓ ତହିଁର ସେବାର୍ଥକ ସମସ୍ତ ଦ୍ରବ୍ୟ ବହିବେ ଓ ସେହି ସବୁରେ ଯେଉଁ ଯେଉଁ କାର୍ଯ୍ୟ କରିବାକୁ ହୁଏ, ତାହାସବୁ କରିବେ ।
\s5
\v 27 ହାରୋଣ ଓ ତାଙ୍କର ପୁତ୍ରଗଣର ଆଜ୍ଞାନୁସାରେ ଗେର୍ଶୋନର ସନ୍ତାନଗଣ ଆପଣା ଆପଣା ଭାର ଓ ସେବା ସମ୍ବନ୍ଧୀୟ ସମସ୍ତ କର୍ମ କରିବେ ଆଉ ତୁମ୍ଭେମାନେ ରକ୍ଷଣୀୟ ବୋଲି ସେମାନଙ୍କ ସମସ୍ତ ଭାରରେ ସେମାନଙ୍କୁ ନିଯୁକ୍ତ କରିବ ।
\v 28 ସମାଗମ-ତମ୍ବୁରେ ଗେର୍ଶୋନୀୟ ସନ୍ତାନମାନଙ୍କ ବଂଶର ଏହି ସେବା; ପୁଣି, ସେମାନଙ୍କ ରକ୍ଷଣୀୟ ହାରୋଣ ଯାଜକର ପୁତ୍ର ଈଥାମରର ହସ୍ତଗତ ହେବ ।
\s ମରାରି ବଂଶୀୟ ଲେବୀୟମାନଙ୍କ ଦାୟିତ୍ୱ
\p
\s5
\v 29 ଏଉତ୍ତାରେ ତୁମ୍ଭେ ମରାରି-ସନ୍ତାନଗଣର ବଂଶ ଓ ପିତୃଗୃହ ଅନୁସାରେ ସେମାନଙ୍କୁ ଗଣନା କରିବ ।
\v 30 ତିରିଶ ବର୍ଷ ବୟସ୍କଠାରୁ ପଚାଶ ବର୍ଷ ବୟସ୍କ ପର୍ଯ୍ୟନ୍ତ ଯେଉଁମାନେ ସମାଗମ-ତମ୍ବୁରେ କାର୍ଯ୍ୟ କରିବା ନିମନ୍ତେ ସେବକ ଶ୍ରେଣୀଭୁକ୍ତ ହୁଅନ୍ତି, ସେମାନଙ୍କୁ ଗଣନା କରିବ ।
\s5
\v 31 ପୁଣି, ସମାଗମ-ତମ୍ବୁରେ ସେମାନଙ୍କର ସମସ୍ତ ସେବାକର୍ମ ସମ୍ବନ୍ଧୀୟ ଏହି ଏହି ଭାର ସେମାନଙ୍କର ରକ୍ଷଣୀୟ ହେବ; ଆବାସର ପଟା, ତହିଁର ଅର୍ଗଳ, ସ୍ତମ୍ଭ ଓ ଚୁଙ୍ଗୀସକଳ,
\v 32 ପ୍ରାଙ୍ଗଣର ଚତୁର୍ଦ୍ଦିଗସ୍ଥ ସ୍ତମ୍ଭ, ତହିଁର ଚୁଙ୍ଗୀ, ମେଖ, ରଜ୍ଜୁ ଓ ତହିଁ ସମ୍ବନ୍ଧୀୟ ସମସ୍ତ ଦ୍ରବ୍ୟ ଓ କାର୍ଯ୍ୟ; ତୁମ୍ଭେମାନେ ସେମାନଙ୍କ ରକ୍ଷଣୀୟ-ଭାରର ଦ୍ରବ୍ୟାଦି ନାମ ଦ୍ୱାରା ନିରୂପଣ କରିବ ।
\s5
\v 33 ସମାଗମ-ତମ୍ବୁରେ ମରାରି-ସନ୍ତାନମାନଙ୍କ ବଂଶର ସମସ୍ତ ସେବା ସମ୍ବନ୍ଧୀୟ ଏହି କାର୍ଯ୍ୟ; ଏହା ହାରୋଣ ଯାଜକର ପୁତ୍ର ଈଥାମରର ହସ୍ତଗତ ହେବ ।
\s5
\v 34 ଏଥିଉତ୍ତାରେ ମୋଶା ଓ ହାରୋଣ ଓ ମଣ୍ଡଳୀର ଅଧିପତିଗଣ କହାତୀୟ ସନ୍ତାନମାନଙ୍କର ବଂଶ ଓ ପିତୃଗୃହ ଅନୁସାରେ ସେମାନଙ୍କ ମଧ୍ୟରୁ
\v 35 ତିରିଶ ବର୍ଷ ବୟସ୍କଠାରୁ ପଚାଶ ବର୍ଷ ବୟସ୍କ ପର୍ଯ୍ୟନ୍ତ ଯେଉଁମାନେ ସମାଗମ-ତମ୍ବୁରେ କର୍ମ କରିବା ନିମନ୍ତେ ସେବକ ଶ୍ରେଣୀଭୁକ୍ତ ହେଲେ, ସେମାନଙ୍କୁ ଗଣନା କଲେ ।
\v 36 ତହିଁରେ ସେମାନଙ୍କ ବଂଶାନୁସାରେ ଗଣିତ ଲୋକ ଦୁଇ ହଜାର ସାତ ଶହ ପଚାଶ ଜଣ ହେଲେ;
\s5
\v 37 ଏମାନେ କହାତୀୟ ବଂଶର ଗଣିତ ଓ ସମାଗମ-ତମ୍ବୁର ସେବାକର୍ମରେ ନିଯୁକ୍ତ ଲୋକ; ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ମୋଶା ଓ ହାରୋଣ ଏମାନଙ୍କୁ ଗଣନା କଲେ ।
\s5
\v 38 ପୁଣି, ଗେର୍ଶୋନର ସନ୍ତାନଗଣ ମଧ୍ୟରେ ଯେଉଁମାନେ ଆପଣା ଆପଣା ବଂଶ ଓ ପିତୃଗୃହ ଅନୁସାରେ ଗଣାଗଲେ,
\v 39 ଅର୍ଥାତ୍‍, ତିରିଶ ବର୍ଷ ବୟସ୍କଠାରୁ ପଚାଶ ବର୍ଷ ବୟସ୍କ ପର୍ଯ୍ୟନ୍ତ ଯେଉଁମାନେ ସମାଗମ-ତମ୍ବୁରେ କର୍ମ କରିବା ନିମନ୍ତେ ସେବକ ଶ୍ରେଣୀଭୁକ୍ତ ହେଲେ,
\v 40 ସେମାନେ ଆପଣା ଆପଣା ବଂଶ ଓ ପିତୃଗୃହ ଅନୁସାରେ ଗଣାଯା'ନ୍ତେ, ଦୁଇ ହଜାର ଛଅ ଶହ ତିରିଶ ଜଣ ହେଲେ ।
\s5
\v 41 ଏମାନେ ଗେର୍ଶୋନ-ସନ୍ତାନଗଣର ବଂଶରେ ଗଣିତ ଓ ସମାଗମ-ତମ୍ବୁର ସେବାକର୍ମରେ ନିଯୁକ୍ତ ଲୋକ; ମୋଶା ଓ ହାରୋଣ ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଏମାନଙ୍କୁ ଗଣନା କଲେ ।
\s5
\v 42 ଆଉ ମରାରି-ସନ୍ତାନଗଣର ବଂଶ ମଧ୍ୟରେ ଯେଉଁମାନେ ଆପଣା ଆପଣା ବଂଶ ଓ ପିତୃଗୃହ ଅନୁସାରେ ଗଣାଗଲେ,
\v 43 ଅର୍ଥାତ୍‍, ତିରିଶ ବର୍ଷ ବୟସ୍କଠାରୁ ପଚାଶ ବର୍ଷ ବୟସ୍କ ପର୍ଯ୍ୟନ୍ତ ଯେଉଁମାନେ ସମାଗମ-ତମ୍ବୁରେ କର୍ମ କରିବା ନିମନ୍ତେ ସେବକ ଶ୍ରେଣୀଭୁକ୍ତ ହେଲେ,
\v 44 ସେମାନେ ଆପଣା ଆପଣା ବଂଶ ଓ ପିତୃଗୃହ ଅନୁସାରେ ଗଣାଯା'ନ୍ତେ, ତିନି ହଜାର ଦୁଇ ଶହ ଜଣ ହେଲେ ।
\s5
\v 45 ଏମାନେ ମରାରି ସନ୍ତାନଗଣ ବଂଶର ଗଣିତ ଲୋକ; ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ମୋଶା ଓ ହାରୋଣ ଏମାନଙ୍କୁ ଗଣନା କଲେ ।
\s5
\v 46 ଏହିରୂପେ ମୋଶା, ହାରୋଣ ଓ ଇସ୍ରାଏଲର ଅଧିପତିଗଣ ଦ୍ୱାରା ଯେଉଁ ଲେବୀୟ ଲୋକମାନେ ଆପଣା ଆପଣା ବଂଶ ଓ ପିତୃଗୃହ ଅନୁସାରେ ଗଣିତ ହେଲେ,
\v 47 ଅର୍ଥାତ୍‍, ତିରିଶ ବର୍ଷ ବୟସ୍କଠାରୁ ପଚାଶ ବର୍ଷ ବୟସ୍କ ପର୍ଯ୍ୟନ୍ତ ଯେଉଁମାନେ ସମାଗମ-ତମ୍ବୁରେ ସେବାକର୍ମରେ ଓ ଭାର ବହିବା କର୍ମରେ ନିଯୁକ୍ତ ହେଲେ,
\v 48 ସେମାନେ ଗଣାଯା'ନ୍ତେ, ଆଠ ହଜାର ପାଞ୍ଚ ଶହ ଅଶୀ ଜଣ ହେଲେ ।
\s5
\v 49 ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସେମାନେ ପ୍ରତ୍ୟେକେ ମୋଶାଙ୍କର ହସ୍ତ ଦ୍ୱାରା ଆପଣା ଆପଣା ସେବା ଓ ଭାର ବହିବା କର୍ମ ଅନୁସାରେ ଗଣିତ ହେଲେ; ଏହିରୂପେ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ତାଙ୍କ ଦ୍ୱାରା ସେମାନେ ଗଣିତ ହେଲେ ।
\s5
\c 5
\s ଅଶୁଚି ବ୍ୟକ୍ତି ସମ୍ପର୍କୀୟ ବିଧି
\p
\v 1 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
\v 2 "ପ୍ରତ୍ୟେକ କୁଷ୍ଠୀକୁ ଓ ପ୍ରତ୍ୟେକ ପ୍ରମେହୀକୁ ଓ ଶବ ଛୁଇଁ ଅଶୁଚି ହେବା ପ୍ରତ୍ୟେକ ପ୍ରାଣୀକୁ ଛାଉଣିରୁ ବାହାର କରିବା ପାଇଁ ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ ଆଜ୍ଞା ଦିଅ ।"
\v 3 ତୁମ୍ଭେମାନେ ପୁରୁଷ ଓ ସ୍ତ୍ରୀ ଦୁହିଁଙ୍କୁ ବାହାର କରିବ, ତୁମ୍ଭେମାନେ ଛାଉଣିର ବାହାରେ ସେମାନଙ୍କୁ ରଖିବ; ସେମାନଙ୍କର ଯେଉଁ ଛାଉଣି ମଧ୍ୟରେ ଆମ୍ଭେ ବାସ କରୁ, ତାହା ସେମାନେ ଅଶୁଚି ନ କରନ୍ତୁ ।
\v 4 ତହିଁରେ ଇସ୍ରାଏଲ-ସନ୍ତାନଗଣ ସେହିରୂପ କଲେ, ପୁଣି, ଛାଉଣିର ବାହାରେ ସେମାନଙ୍କୁ ରଖିଲେ; ସଦାପ୍ରଭୁ ମୋଶାଙ୍କୁ ଯେପରି କହିଲେ, ଇସ୍ରାଏଲ-ସନ୍ତାନଗଣ ସେପରି କଲେ ।
\s ଦୋଷତ୍ରୁଟି ପାଇଁ କ୍ଷତିପୂରଣ
\p
\s5
\v 5 ଏଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
\v 6 "ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ କୁହ, କୌଣସି ପୁରୁଷ କିମ୍ଵା ସ୍ତ୍ରୀ ଯଦି ସଦାପ୍ରଭୁଙ୍କ ବିରୁଦ୍ଧରେ ସତ୍ୟ ଲଙ୍ଘନ କରି ମନୁଷ୍ୟମାନଙ୍କ ମଧ୍ୟରେ ପ୍ରଚଳିତ କୌଣସି ପାପ କରେ ଓ ସେହି ପ୍ରାଣୀ ଦଣ୍ଡନୀୟ ହୁଏ,
\v 7 ତେବେ ସେ ଆପଣା କୃତ ପାପ ସ୍ୱୀକାର କରିବ ଓ ସମ୍ପୂର୍ଣ୍ଣ ରୂପେ ଆପଣା ଦୋଷ ସକାଶୁ କ୍ଷତିପୂରଣ ଦେବ ଓ ତହିଁର ପଞ୍ଚମାଂଶ ଅଧିକ ମିଶାଇ ଯାହା ବିରୁଦ୍ଧରେ ଦୋଷ କରିଅଛି, ତାହାକୁ ଦେବ ।
\s5
\v 8 ମାତ୍ର ଯାହାକୁ ଦୋଷ ନିମନ୍ତେ କ୍ଷତିପୂରଣ ଦିଆଯାଇ ପାରେ, ଏପରି ମୁକ୍ତିକର୍ତ୍ତା ଜ୍ଞାତି ଯଦି ସେହି ଲୋକର ନ ଥାଏ, ତେବେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଯେଉଁ ଦୋଷାର୍ଥକ କ୍ଷତିପୂରଣ ଦିଆଯାଏ, ତାହା ଯାଜକର ହେବ; ତାହା ବ୍ୟତୀତ ଯଦ୍ଦ୍ୱାରା ତାହା ପାଇଁ ପ୍ରାୟଶ୍ଚିତ୍ତ କରାଯିବ, ସେହି ପ୍ରାୟଶ୍ଚିତ୍ତାର୍ଥକ ମେଷବଳି ହିଁ ଦେବାକୁ ହେବ ।
\v 9 ପୁଣି, ଇସ୍ରାଏଲ-ସନ୍ତାନଗଣ ଆପଣାମାନଙ୍କ ପବିତ୍ର ବସ୍ତୁ ମଧ୍ୟରୁ ଯେତେ ଉତ୍ତୋଳନୀୟ ଉପହାର ଯାଜକ ନିକଟକୁ ଆଣନ୍ତି, ତାହାସବୁ ତାହାର ହେବ ।
\v 10 ପ୍ରତ୍ୟେକ ମନୁଷ୍ୟର ଉତ୍ସର୍ଗୀତ ପବିତ୍ର ବସ୍ତୁ ତାହାର ହେବ; ମନୁଷ୍ୟ ଯେକୌଣସି ବସ୍ତୁ ଯାଜକକୁ ଦିଏ, ତାହା ତାହାର ହେବ ।
\s ବ୍ୟଭିଚାରର ପରୀକ୍ଷା
\p
\s5
\v 11 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
\v 12 "ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ କୁହ, କୌଣସି ମନୁଷ୍ୟର ଭାର୍ଯ୍ୟା ଯଦି ବିପଥଗାମିନୀ ହୋଇ ତାହା ବିରୁଦ୍ଧରେ ସତ୍ୟ-ଲଙ୍ଘନ କରେ,
\s5
\v 13 ଅର୍ଥାତ୍‍, ଯଦି କୌଣସି ପୁରୁଷ ତାହା ସହିତ ସହବାସ କରେ ଓ ତାହା ତାହାର ସ୍ୱାମୀର ଦୃଷ୍ଟିରୁ ଅଗୋଚର ହୋଇ ଗୁପ୍ତ ହୁଏ ଓ ସେ ଅଶୁଚି ହୁଏ, ପୁଣି, ତାହା ବିରୁଦ୍ଧରେ କେହି ସାକ୍ଷୀ ନ ଥାଏ, କିଅବା ସେ କର୍ମ ସମୟରେ ଧରା ପଡ଼ି ନ ଥାଏ;
\v 14 ଆଉ ଯଦି ସ୍ୱାମୀ ଈର୍ଷାଜନକ ଆତ୍ମାରେ ଆବିଷ୍ଟ ହୁଏ ଓ ଭାର୍ଯ୍ୟା ଅଶୁଚି ହେବାରୁ ତାହା ପ୍ରତି ଈର୍ଷାରେ ଜ୍ୱଳେ; ଅବା ଭାର୍ଯ୍ୟା ଅଶୁଚି ନୋହିଲେ ହେଁ ଯଦି ସ୍ୱାମୀ ଈର୍ଷାଜନକ ଆତ୍ମାରେ ଆବିଷ୍ଟ ହୋଇ ତାହା ପ୍ରତି ଈର୍ଷାରେ ଜ୍ୱଳେ;
\s5
\v 15 ତେବେ ସେହି ପୁରୁଷ ଆପଣା ଭାର୍ଯ୍ୟାକୁ ଯାଜକ ନିକଟକୁ ଆଣିବ ଓ ତାହା ନିମନ୍ତେ ଐଫାର ଦଶମାଂଶ ଯବ ମଇଦା ଉପହାର ଆଣିବ; ସେ ତହିଁ ଉପରେ ତୈଳ ଢାଳିବ ନାହିଁ ଅବା କୁନ୍ଦୁରୁ ଦେବ ନାହିଁ, କାରଣ ତାହା ଈର୍ଷାର ଭକ୍ଷ୍ୟ-ନୈବେଦ୍ୟ, ଅର୍ଥାତ୍ ଅପରାଧ-ସ୍ମରଣକାରୀ ସ୍ମରଣାର୍ଥକ ଭକ୍ଷ୍ୟ-ନୈବେଦ୍ୟ ।
\s5
\v 16 ଏଉତ୍ତାରେ ଯାଜକ ସେହି ସ୍ତ୍ରୀକୁ ନିକଟକୁ ଆଣି ସଦାପ୍ରଭୁଙ୍କ ସମ୍ମୁଖରେ ଉପସ୍ଥିତ କରିବ ।
\v 17 ପୁଣି, ଯାଜକ ମୃତ୍ତିକା ପାତ୍ରରେ ପବିତ୍ର ଜଳ ନେବ ଓ ଯାଜକ ଆବାସର ଚଟାଣରୁ ଧୂଳି ନେଇ ସେହି ଜଳରେ ପକାଇବ ।
\s5
\v 18 ତହୁଁ ଯାଜକ ସେହି ସ୍ତ୍ରୀକୁ ସଦାପ୍ରଭୁଙ୍କ ସମ୍ମୁଖରେ ଉପସ୍ଥିତ କରିବ ଓ ସେହି ସ୍ତ୍ରୀର ମସ୍ତକର କେଶ ମୁକୁଳା କରି ସେହି ସ୍ମରଣାର୍ଥକ ଭକ୍ଷ୍ୟ-ନୈବେଦ୍ୟ, ଅର୍ଥାତ୍‍ ଈର୍ଷାର ଭକ୍ଷ୍ୟ-ନୈବେଦ୍ୟ ତାହାର ହସ୍ତରେ ଦେବ; ପୁଣି, ଯାଜକ ଆପଣା ହସ୍ତରେ ଅଭିଶାପଜନକ ତିକ୍ତ ଜଳ ରଖିବ ।
\v 19 ଆଉ ଯାଜକ ସେହି ସ୍ତ୍ରୀକୁ ଶପଥ କରାଇ କହିବ, ଯଦି କୌଣସି ପୁରୁଷ ତୁମ୍ଭ ସହିତ ଶୟନ କରି ନ ଥାଏ ଓ ତୁମ୍ଭେ ଆପଣା ସ୍ୱାମୀର ଅଧୀନରେ ଥାଉ ଥାଉ ବିପଥଗାମିନୀ ହୋଇ ଅଶୁଚି କ୍ରିୟା କରି ନ ଥାଅ, ତେବେ ତୁମ୍ଭେ ଏହି ଅଭିଶାପଜନକ ତିକ୍ତ ଜଳରୁ ମୁକ୍ତ ହୁଅ ।
\s5
\v 20 ମାତ୍ର ଯଦି ତୁମ୍ଭେ ଆପଣା ସ୍ୱାମୀର ଅଧୀନରେ ଥାଉ ଥାଉ ବିପଥଗାମିନୀ ହୋଇଥାଅ ଓ ତୁମ୍ଭେ ଅଶୁଚି ହୋଇଥାଅ, ପୁଣି, ତୁମ୍ଭ ସ୍ୱାମୀ ବ୍ୟତୀତ ଅନ୍ୟ କୌଣସି ପୁରୁଷ ତୁମ୍ଭ ସହିତ ଶୟନ କରିଥାଏ;
\v 21 ତେବେ ସଦାପ୍ରଭୁ ତୁମ୍ଭର ଊରୁ ଅବଶ କରାଇ ଓ ତୁମ୍ଭର ଉଦର ଫୁଲାଇ ତୁମ୍ଭ ଲୋକମାନଙ୍କ ମଧ୍ୟରେ ତୁମ୍ଭଙ୍କୁ ଶପଥ ଓ ରାଣର ଫଳ ଭୋଗ କରାଉନ୍ତୁ;
\v 22 ତହିଁରେ ଏହି ଅଭିଶାପଜନକ ଜଳ ତୁମ୍ଭ ଉଦର ଫୁଲାଇବାକୁ ଓ ଊରୁ ଅବଶ କରାଇବାକୁ ତୁମ୍ଭ ଉଦରରେ ପ୍ରବେଶ କରୁ; ଏହି ସକଳ କଥା କହି ଯାଜକ ରାଣଯୁକ୍ତ ଶପଥ ଦ୍ୱାରା ସେହି ସ୍ତ୍ରୀକି ଶପଥ କରାଇବ; ତହିଁରେ ସେହି ସ୍ତ୍ରୀ ଆମେନ୍‍ (ଏପରି ହେଉ) କହିବ ।
\s5
\v 23 ପୁଣି, ଯାଜକ ସେହି ଅଭିଶାପର କଥା ପୁସ୍ତକରେ ଲେଖିବ ଓ ତାହା ପୋଛି ତିକ୍ତ ଜଳରେ ପକାଇବ ।
\s5
\v 24 ତହୁଁ ସେ ସେହି ସ୍ତ୍ରୀକୁ ଅଭିଶାପଜନକ ତିକ୍ତ ଜଳ ପିଆଇବ; ତହିଁରେ ସେହି ଅଭିଶାପଜନକ ଜଳ ତାହା ଉଦରରେ ପ୍ରବେଶ କରି ତିକ୍ତ ହେବ ।
\v 25 ଆଉ ଯାଜକ ସେହି ସ୍ତ୍ରୀର ହସ୍ତରୁ ସେହି ଈର୍ଷାର ଭକ୍ଷ୍ୟ-ନୈବେଦ୍ୟ ନେଇ ସଦାପ୍ରଭୁଙ୍କ ସମ୍ମୁଖରେ ଦୋଳାଇବ, ପୁଣି, ବେଦି ଉପରକୁ ଆଣିବ;
\v 26 ତହୁଁ ଯାଜକ ସେହି ଭକ୍ଷ୍ୟ-ନୈବେଦ୍ୟରୁ ମୁଠିଏ ତହିଁର ସ୍ମରଣାର୍ଥକ ଅଂଶ ରୂପେ ନେଇ ବେଦି ଉପରେ ଦଗ୍ଧ କରିବ ଓ ତହିଁ ଉତ୍ତାରେ ସେହି ସ୍ତ୍ରୀକୁ ସେହି ଜଳ ପାନ କରାଇବ ।
\s5
\v 27 ପୁଣି, ସେ ସେହି ସ୍ତ୍ରୀକୁ ଜଳ ପାନ କରାଇଲେ ଏପରି ହେବ, ଯଦି ସେହି ସ୍ତ୍ରୀ ଆପଣା ସ୍ୱାମୀ ବିରୁଦ୍ଧରେ ସତ୍ୟ ଲଙ୍ଘନ କରି ଅଶୁଚି ହୋଇଥାଏ, ତେବେ ସେହି ଅଭିଶାପଜନକ ଜଳ ତାହା ମଧ୍ୟରେ ପ୍ରବେଶ କରି ତିକ୍ତ ହେବ ଓ ତାହାର ଉଦର ଫୁଲିବ ଓ ତାହାର ଊରୁ ଅବଶ ହେବ; ଆଉ ସେହି ସ୍ତ୍ରୀ ଆପଣା ଲୋକଙ୍କ ମଧ୍ୟରେ ଅଭିଶାପ ସ୍ୱରୂପ ହେବ ।
\v 28 ଆଉ ଯଦି ସେହି ସ୍ତ୍ରୀ ଅଶୁଚି ନ ହୋଇ ଶୁଚି ଥାଏ, ତେବେ ସେ ମୁକ୍ତ ହେବ ଓ ଗର୍ଭଧାରଣ କରିବ ।
\s5
\v 29 ଏହା ଈର୍ଷା ବିଷୟକ ବ୍ୟବସ୍ଥା, ଯଥା, ଭାର୍ଯ୍ୟା ସ୍ୱାମୀର ଅଧୀନରେ ଥାଉ ଥାଉ ବିପଥଗାମିନୀ ହୋଇ ଅଶୁଚି ହେଲେ,
\v 30 ଅବା କୌଣସି ପୁରୁଷ ଈର୍ଷାଜନକ ଆତ୍ମାରେ ଆବିଷ୍ଟ ହୋଇ ଆପଣା ଭାର୍ଯ୍ୟା ପ୍ରତି ଈର୍ଷାରେ ଜ୍ୱଳିଲେ, ସେ ସେହି ସ୍ତ୍ରୀକୁ ସଦାପ୍ରଭୁଙ୍କ ସମ୍ମୁଖରେ ଉପସ୍ଥିତ କରାଇବ, ପୁଣି, ଯାଜକ ସେହି ସ୍ତ୍ରୀ ପ୍ରତି ଏହି ସମସ୍ତ ବ୍ୟବସ୍ଥା ପାଳନ କରିବ ।
\s5
\v 31 ତହିଁରେ ସେହି ପୁରୁଷ ଅପରାଧରୁ ମୁକ୍ତ ହେବ ଓ ସେହି ସ୍ତ୍ରୀ ଆପଣା ଆପଣା ଅପରାଧ ବହିବ ।
\s5
\c 6
\s ନାସରୀୟ ବ୍ରତ
\p
\v 1 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
\v 2 "ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ କୁହ, କୌଣସି ପୁରୁଷ କିମ୍ବା ସ୍ତ୍ରୀ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପୃଥକ୍ ହେବା ନିମନ୍ତେ ଯଦି ନାସରୀୟ କୌଣସି ବିଶେଷ ବ୍ରତ କରେ,
\v 3 ତେବେ ସେ ଦ୍ରାକ୍ଷାରସ ଓ ସୁରାରୁ ଆପଣାକୁ ପୃଥକ୍ କରିବ; ସେ ଦ୍ରାକ୍ଷାରସର ସିର୍କା ଓ ସୁରାର ସିର୍କା ପାନ କରିବ ନାହିଁ, କିଅବା ସେ ଦ୍ରାକ୍ଷାଫଳ ଜାତ କୌଣସି ପେୟ ପାନ କରିବ ନାହିଁ ଓ କଞ୍ଚା କିମ୍ବା ଶୁଖିଲା ଦ୍ରାକ୍ଷାଫଳ ଖାଇବ ନାହିଁ ।
\v 4 ସେ ତାହାର ପୃଥକ୍ ଥିବା ସମସ୍ତ ଦିନ ଦ୍ରାକ୍ଷାଫଳରେ ପ୍ରସ୍ତୁତ କୌଣସି ଦ୍ରବ୍ୟ କିମ୍ବା ତହିଁର ମଞ୍ଜିଠାରୁ ଚୋପା ପର୍ଯ୍ୟନ୍ତ କିଛି ଖାଇବ ନାହିଁ ।
\s5
\v 5 ତାହାର ବ୍ରତ ହେତୁ ପୃଥକ୍ ଥିବା ସମସ୍ତ ଦିନ ତାହାର ମସ୍ତକରେ କ୍ଷୁର ଲାଗିବ ନାହିଁ; ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପୃଥକ୍ ଥିବା ଦିନ ସମାପ୍ତ ହେବା ପର୍ଯ୍ୟନ୍ତ ସେ ପବିତ୍ର ରହିବ, ସେ ଆପଣା ମସ୍ତକର କେଶ ବୃଦ୍ଧି ପାଇବାକୁ ଦେବ ।
\s5
\v 6 ସେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପୃଥକ୍ ଥିବା ସମସ୍ତ ଦିନ କୌଣସି ଶବ ନିକଟକୁ ଯିବ ନାହିଁ ।
\v 7 ଆପଣା ପିତା କିମ୍ବା ମାତା କିମ୍ବା ଭ୍ରାତା କିମ୍ବା ଭଗିନୀ ମଲେ, ସେ ସେମାନଙ୍କ ସକାଶୁ ଆପଣାକୁ ଅଶୁଚି କରିବ ନାହିଁ; କାରଣ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ପୃଥକ୍‍ ହେବାର ଚିହ୍ନ ତାହାର ମସ୍ତକରେ ଅଛି ।
\v 8 ତାହାର ପୃଥକ୍ ଥିବା ସମସ୍ତ ଦିନ ସେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ।
\s5
\v 9 ଆଉ ଯଦି କୌଣସି ମନୁଷ୍ୟ ହଠାତ୍‍ ତାହା ନିକଟରେ ମରିବାରୁ ସେ ଆପଣା ପ୍ରତିଷ୍ଠିତ ମସ୍ତକ ଅଶୁଚି କରେ, ତେବେ ସେ ଶୌଚ-ଦିନରେ ଆପଣା ମସ୍ତକ ମୁଣ୍ଡନ କରିବ, ଅର୍ଥାତ୍‍, ସେ ସପ୍ତମ ଦିନରେ ତାହା ମୁଣ୍ଡନ କରିବ ।
\s5
\v 10 ପୁଣି, ଅଷ୍ଟମ ଦିନରେ ସେ ଦୁଇ ଘୁଘୁ ଅବା ଦୁଇ କପୋତ ଛୁଆ ସମାଗମ-ତମ୍ବୁ ଦ୍ୱାରରେ ଯାଜକ ନିକଟକୁ ଆଣିବ ।
\v 11 ଆଉ ଯାଜକ ତହିଁରୁ ଗୋଟିକୁ ପାପାର୍ଥେ ଓ ଅନ୍ୟଟିକୁ ହୋମାର୍ଥେ ଉତ୍ସର୍ଗ କରିବ ଓ ସେ ଶବ-ଘଟିତ ଯେଉଁ ପାପ କଲା, ତହିଁ ଲାଗି ପ୍ରାୟଶ୍ଚିତ୍ତ କରିବ ଓ ସେ ସେହିଦିନ ତାହାର ମସ୍ତକ ପବିତ୍ର କରିବ ।
\s5
\v 12 ତହୁଁ ସେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପୃଥକ୍ ହୋଇ ରହିବା ଦିନମାନ ପୃଥକ୍ କରିବ, ପୁଣି, ଦୋଷାର୍ଥକ ବଳି ନିମନ୍ତେ ଏକବର୍ଷୀୟ ଗୋଟିଏ ମେଷବତ୍ସ ଆଣିବ; ମାତ୍ର ପୂର୍ବ ଦିନସବୁ ବୃଥା ହେବ, କାରଣ ତାହାର ପୃଥକ୍‍କରଣ ଅଶୁଚି ହେଲା ।
\s5
\v 13 ଆଉ ପୃଥକ୍ ରହିବା ଦିନ ସମ୍ପୂର୍ଣ୍ଣ ହେଲେ, ନାସରୀୟ ବ୍ରତର ଏହି ବ୍ୟବସ୍ଥା ବ୍ରତକାରୀ ସମାଗମ-ତମ୍ବୁ ଦ୍ୱାର ନିକଟକୁ ଅଣାଯିବ ।
\v 14 ପୁଣି, ସେ ହୋମାର୍ଥେ ଏକବର୍ଷୀୟ ନିଖୁନ୍ତ ଏକ ମେଷବତ୍ସ ଓ ପାପାର୍ଥେ ଏକବର୍ଷୀୟ ନିଖୁନ୍ତ ଏକ ମେଷବତ୍ସା ଓ ମଙ୍ଗଳାର୍ଥେ ନିଖୁନ୍ତ ଏକ ମେଷ
\v 15 ଓ ଏକ ଡାଲା ତାଡ଼ିଶୂନ୍ୟ ରୁଟି, ତୈଳ ମିଶ୍ରିତ ସରୁ ମଇଦାର ପିଠା, ତାଡ଼ିଶୂନ୍ୟ ତୈଳାକ୍ତ ସରୁ ଚକୁଳି, ତହିଁର ଭକ୍ଷ୍ୟ ଓ ପେୟ-ନୈବେଦ୍ୟ, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବ ।
\s5
\v 16 ତହୁଁ ଯାଜକ ସଦାପ୍ରଭୁଙ୍କ ସମ୍ମୁଖରେ ଏହିସବୁ ଆଣି ତାହାର ପାପାର୍ଥକ ବଳି ଓ ହୋମାର୍ଥକ ବଳି ଉତ୍ସର୍ଗ କରିବ ।
\v 17 ତହିଁ ଉତ୍ତାରେ ସେ ତାଡ଼ିଶୂନ୍ୟ ରୁଟିର ଡାଲା ସହିତ ମଙ୍ଗଳାର୍ଥକ ମେଷବଳି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବ; ମଧ୍ୟ ଯାଜକ ତହିଁର ଭକ୍ଷ୍ୟ-ନୈବେଦ୍ୟ ଓ ପେୟ-ନୈବେଦ୍ୟ ଉତ୍ସର୍ଗ କରିବ ।
\s5
\v 18 ତେବେ ନାସରୀୟ ଲୋକ ସମାଗମ-ତମ୍ବୁ ଦ୍ୱାରରେ ଆପଣା ପ୍ରତିଷ୍ଠିତ ମସ୍ତକ ମୁଣ୍ଡନ କରିବ ଓ ଆପଣା ପ୍ରତିଷ୍ଠିତ ମସ୍ତକର କେଶ ନେଇ ମଙ୍ଗଳାର୍ଥକ ବଳିର ଅଧଃସ୍ଥିତ ଅଗ୍ନିରେ ପକାଇବ ।
\s5
\v 19 ପୁଣି, ନାସରୀୟ ଲୋକ ଆପଣା ପ୍ରତିଷ୍ଠିତ ମସ୍ତକ ମୁଣ୍ଡନ କଲା ଉତ୍ତାରେ, ଯାଜକ ସେହି ମେଷର ଜଳସିଦ୍ଧ ସ୍କନ୍ଧ, ଡାଲାରୁ ଗୋଟିଏ ତାଡ଼ିଶୂନ୍ୟ ପିଠା ଓ ତାଡ଼ିଶୂନ୍ୟ ସରୁ ଚକୁଳି ନେଇ ତାହାର ହସ୍ତରେ ଦେବ ।
\v 20 ଆଉ, ଯାଜକ ଦୋଳନୀୟ ନୈବେଦ୍ୟାର୍ଥେ ତାହାସବୁ ସଦାପ୍ରଭୁଙ୍କ ସମ୍ମୁଖରେ ଦୋଳାଇବ; ତହିଁରେ ଦୋଳନୀୟ ବକ୍ଷ ଓ ଉତ୍ତୋଳନୀୟ ଚଟୁଆ ସହିତ ତାହା ଯାଜକର ଉଦ୍ଦେଶ୍ୟରେ ପବିତ୍ର ହେବ; ତହିଁ ଉତ୍ତାରେ ସେହି ନାସରୀୟ ଲୋକ ଦ୍ରାକ୍ଷାରସ ପାନ କରି ପାରିବ ।
\s5
\v 21 ନାସରୀୟ ବ୍ରତଧାରୀ ଲୋକ ଯାହା ଦେବାକୁ ସକ୍ଷମ, ତାହା ବ୍ୟତୀତ ଓ ତାହାର ପୃଥକ୍ ରହିବା ସକାଶୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନୈବେଦ୍ୟ-ଦାନର ବ୍ୟବସ୍ଥା ଏହି; ସେ ଯେରୂପ ବ୍ରତ କରେ, ପୃଥକ୍ ରହିବା ବ୍ୟବସ୍ଥାନୁସାରେ ତାହା ତାହାକୁ କରିବାକୁ ହେବ ।
\s ଯାଜକୀୟ ଆଶୀର୍ବାଦ
\p
\s5
\v 22 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
\v 23 "ତୁମ୍ଭେ ହାରୋଣ ଓ ତାହାର ପୁତ୍ରଗଣକୁ କୁହ, ତୁମ୍ଭେମାନେ ଇସ୍ରାଏଲ-ସନ୍ତାନଗଣକୁ ଏହିରୂପେ ଆଶୀର୍ବାଦ କରିବ; ତୁମ୍ଭେମାନେ ସେମାନଙ୍କୁ କହିବ,
\v 24 "ସଦାପ୍ରଭୁ ତୁମ୍ଭକୁ ଆଶୀର୍ବାଦ କରନ୍ତୁ ଓ ତୁମ୍ଭକୁ ରକ୍ଷା କରନ୍ତୁ;
\s5
\v 25 ସଦାପ୍ରଭୁ ତୁମ୍ଭ ଉପରେ ଆପଣା ମୁଖର ତେଜ ପ୍ରକାଶ କରନ୍ତୁ ଓ ତୁମ୍ଭକୁ ଅନୁଗ୍ରହ କରନ୍ତୁ;
\v 26 ସଦାପ୍ରଭୁ ତୁମ୍ଭ ଉପରେ ଆପଣା ମୁଖ ଉଠାଉନ୍ତୁ ଓ ତୁମ୍ଭକୁ ଶାନ୍ତି ଦେଉନ୍ତୁ ।"
\v 27 ଏହିରୂପେ ସେମାନେ ଇସ୍ରାଏଲ-ସନ୍ତାନଗଣ ଉପରେ ଆମ୍ଭର ନାମ ରଖିବେ; ତହିଁରେ ଆମ୍ଭେ ସେମାନଙ୍କୁ ଆଶୀର୍ବାଦ କରିବା ।
\s5
\c 7
\s ଆବାସ ସ୍ଥାପନାର୍ଥେ ନୈବେଦ୍ୟ
\p
\v 1 ଏଥିଉତ୍ତାରେ ଯେଉଁଦିନ ମୋଶା ଆବାସ-ସ୍ଥାପନ ସମାପ୍ତ କରି ତାହା ଅଭିଷେକ ଓ ପବିତ୍ର କଲେ ଓ ତହିଁର ସକଳ ଦ୍ରବ୍ୟ ଓ ବେଦି ଓ ତହିଁର ସକଳ ପାତ୍ର ଅଭିଷେକ କରି ପବିତ୍ର କଲେ;
\v 2 ସେହିଦିନ ଇସ୍ରାଏଲର ଅଧିପତିଗଣ, ସେମାନଙ୍କ ପିତୃଗୃହର ପ୍ରଧାନଗଣ ନୈବେଦ୍ୟ ଦାନ କଲେ; ଏମାନେ ବଂଶସମୂହର ଅଧିପତି ଥିଲେ ଓ ଗଣିତ ଲୋକମାନଙ୍କ ଉପରେ ନିଯୁକ୍ତ ଥିଲେ ।
\v 3 ପୁଣି, ସେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନୈବେଦ୍ୟ ନିମନ୍ତେ ଛଅଗୋଟି ଆଚ୍ଛାଦିତ ଶଗଡ଼ ଓ ବାରଟି ଗୋରୁ, ଅର୍ଥାତ୍‍, ଦୁଇ ଦୁଇ ଅଧିପତି ଏକ ଏକ ଶଗଡ଼ ଓ ଏକ ଏକ ଜଣ ଏକ ଏକ ଗୋରୁ ଆଣି ଆବାସ ସମ୍ମୁଖରେ ଉପସ୍ଥିତ କରାଇଲେ ।
\s5
\v 4 ତହୁଁ ସଦାପ୍ରଭୁ ମୋଶାଙ୍କୁ କହିଲେ,
\v 5 "ତୁମ୍ଭେ ସେମାନଙ୍କଠାରୁ ତାହା ଗ୍ରହଣ କର, ତାହା ସବୁ ସମାଗମ-ତମ୍ବୁର ସେବା ନିମନ୍ତେ ହେବ; ଆଉ ତୁମ୍ଭେ ପ୍ରତ୍ୟେକ ଜଣ ଆପଣା ଆପଣା ସେବାନୁସାରେ ଲେବୀୟମାନଙ୍କୁ ତାହାସବୁ ଦେବ ।"
\s5
\v 6 ତହୁଁ ମୋଶା ସେହି ଶଗଡ଼ ଓ ଗୋରୁ ନେଇ ଲେବୀୟମାନଙ୍କୁ ଦେଲେ ।
\v 7 ଗେର୍ଶୋନୀୟ-ସନ୍ତାନଗଣକୁ ସେମାନଙ୍କ ସେବାନୁସାରେ ସେ ଦୁଇ ଶଗଡ଼ ଓ ଚାରି ଗୋରୁ ଦେଲେ ।
\v 8 ହାରୋଣ ଯାଜକଙ୍କର ପୁତ୍ର ଈଥାମରର ହସ୍ତାଧୀନରେ ମରାରି-ସନ୍ତାନଗଣକୁ ସେମାନଙ୍କ ସେବାନୁସାରେ ସେ ଚାରି ଶଗଡ଼ ଓ ଆଠ ଗୋରୁ ଦେଲେ ।
\s5
\v 9 ମାତ୍ର ସେ କହାତ-ସନ୍ତାନଗଣକୁ କିଛି ଦେଲେ ନାହିଁ, କାରଣ ପବିତ୍ର ସ୍ଥାନର ସେବାକର୍ମ ସେମାନଙ୍କର ଥିଲା; ସେମାନେ ସ୍କନ୍ଧରେ ତାହା ବୋହିଲେ ।
\s5
\v 10 ଆଉ ବେଦିର ଅଭିଷେକ ଦିନ ଅଧିପତିଗଣ ତହିଁର ପ୍ରତିଷ୍ଠା ନିମନ୍ତେ ଦାନ କଲେ, ଅର୍ଥାତ୍‍, ସେହି ଅଧିପତିଗଣ ବେଦି ସମ୍ମୁଖରେ ଆପଣା ଆପଣା ଉପହାର ଉତ୍ସର୍ଗ କଲେ ।
\v 11 ତହିଁରେ ସଦାପ୍ରଭୁ ମୋଶାଙ୍କୁ କହିଲେ, "ପ୍ରତ୍ୟେକ ଅଧିପତି ଆପଣା ଆପଣା ଦିନରେ ବେଦିର ପ୍ରତିଷ୍ଠା ନିମନ୍ତେ ଉପହାର ଉତ୍ସର୍ଗ କରିବେ ।"
\s5
\v 12 ତହିଁରେ ପ୍ରଥମ ଦିନ ଯିହୂଦା ବଂଶଜାତ ଅମ୍ମୀନାଦବର ପୁତ୍ର ନହଶୋନ ଆପଣା ଉପହାର ଉତ୍ସର୍ଗ କଲା;
\v 13 ତାହାର ଉପହାର ପବିତ୍ର ସ୍ଥାନର ଶେକଲ ଅନୁସାରେ ଶହେ ତିରିଶ ଶେକଲ ପରିମିତ ରୂପାର ଏକ ଥାଳୀ ଓ ସତୁରି ଶେକଲ ପରିମିତ ରୂପାର ଏକ କୁଣ୍ଡ; ଏହି ଦୁଇ ଭକ୍ଷ୍ୟ-ନୈବେଦ୍ୟାର୍ଥେ ତୈଳ ମିଶ୍ରିତ ସରୁ ମଇଦାରେ ପୂର୍ଣ୍ଣ;
\v 14 ଧୂପରେ ପରିପୂର୍ଣ୍ଣ ଦଶ ଶେକଲ ପରିମିତ ସ୍ୱର୍ଣ୍ଣର ଏକ ଚାମଚ;
\s5
\v 15 ହୋମ ନିମନ୍ତେ ଏକ ଗୋବତ୍ସ, ଏକ ମେଷ ଓ ଏକବର୍ଷୀୟ ଏକ ମେଷବତ୍ସ;
\v 16 ପାପାର୍ଥକ ବଳିଦାନ ନିମନ୍ତେ ଏକ ଛାଗ
\v 17 ଓ ମଙ୍ଗଳାର୍ଥକ ବଳିଦାନ ନିମନ୍ତେ ଦୁଇ ଗୋରୁ, ପାଞ୍ଚ ମେଷ, ପାଞ୍ଚ ଛାଗ ଓ ଏକବର୍ଷୀୟ ପାଞ୍ଚ ମେଷବତ୍ସ ଏହା ଅମ୍ମୀନାଦବର ପୁତ୍ର ନହଶୋନର ଉପହାର ।
\s5
\v 18 ଦ୍ୱିତୀୟ ଦିନ ଈଷାଖରର ଅଧିପତି ସୂୟାରର ପୁତ୍ର ନଥନେଲ ଆପଣା ଉପହାର ଉତ୍ସର୍ଗ କଲା,
\v 19 ସେ ଆପଣା ଉପହାର ନିମନ୍ତେ ପବିତ୍ର ସ୍ଥାନର ଶେକଲ ଅନୁସାରେ ଏହା ଦେଲା, ଅର୍ଥାତ୍‍, ଏକ ଶହ ତିରିଶ ଶେକଲ ପରିମିତ ରୂପାର ଏକ ଥାଳୀ ଓ ସତୁରି ଶେକଲ ପରିମିତ ରୂପାର ଏକ କୁଣ୍ଡ, ଏହି ଦୁଇ ଭକ୍ଷ୍ୟ-ନୈବେଦ୍ୟ ନିମନ୍ତେ ତୈଳମିଶ୍ରିତ ସରୁ ମଇଦାରେ ପୂର୍ଣ୍ଣ;
\s5
\v 20 ଧୂପରେ ପରିପୂର୍ଣ୍ଣ ଦଶ ଶେକଲ ପରିମିତ ସ୍ୱର୍ଣ୍ଣର ଏକ ଚାମଚ;
\v 21 ହୋମ ନିମନ୍ତେ ଏକ ଗୋବତ୍ସ, ଏକ ମେଷ ଓ ଏକବର୍ଷୀୟ ଏକ ମେଷବତ୍ସ;
\v 22 ପାପାର୍ଥକ ବଳିଦାନ ନିମନ୍ତେ ଏକ ଛାଗ,
\v 23 ମଙ୍ଗଳାର୍ଥକ ବଳିଦାନ ନିମନ୍ତେ ଦୁଇ ଗୋରୁ, ପାଞ୍ଚ ମେଷ, ପାଞ୍ଚ ଛାଗ ଓ ଏକବର୍ଷୀୟ ପାଞ୍ଚ ମେଷବତ୍ସ; ଏହା ସୂୟାରର ପୁତ୍ର ନଥନେଲର ଉପହାର ।
\s5
\v 24 ତୃତୀୟ ଦିନ ସବୂଲୂନ-ସନ୍ତାନଗଣର ଅଧିପତି ହେଲୋନର ପୁତ୍ର ଇଲୀୟାବ ଆଣିଲା;
\v 25 ତାହାର ଉପହାର ପବିତ୍ର ସ୍ଥାନର ଶେକଲ ଅନୁସାରେ ଏକ ଶହ ତିରିଶ ଶେକଲ ପରିମିତ ରୂପାର ଏକ ଥାଳୀ ଓ ସତୁରି ଶେକଲ ପରିମିତ ରୂପାର ଏକ କୁଣ୍ଡ, ଏହି ଦୁଇ ଭକ୍ଷ୍ୟ-ନୈବେଦ୍ୟ ନିମନ୍ତେ ତୈଳ ମିଶ୍ରିତ ସରୁ ମଇଦାରେ ପୂର୍ଣ୍ଣ;
\v 26 ଧୂପରେ ପରିପୂର୍ଣ୍ଣ ଦଶ ଶେକଲ ପରିମିତ ସ୍ୱର୍ଣ୍ଣର ଏକ ଚାମଚ;
\s5
\v 27 ହୋମ ନିମନ୍ତେ ଏକ ଗୋବତ୍ସ, ଏକ ମେଷ ଓ ଏକବର୍ଷୀୟ ଏକ ମେଷବତ୍ସ;
\v 28 ପାପାର୍ଥକ ବଳିଦାନ ନିମନ୍ତେ ଏକ ଛାଗ,
\v 29 ମଙ୍ଗଳାର୍ଥକ ବଳିଦାନ ନିମନ୍ତେ ଦୁଇ ଗୋରୁ, ପାଞ୍ଚ ମେଷ, ପାଞ୍ଚ ଛାଗ ଓ ଏକବର୍ଷୀୟ ପାଞ୍ଚ ମେଷବତ୍ସ; ଏହା ହେଲୋନର ପୁତ୍ର ଇଲୀୟାବର ଉପହାର ।
\s5
\v 30 ଚତୁର୍ଥ ଦିନ ରୁବେନ-ସନ୍ତାନଗଣର ଅଧିପତି ଶଦେୟରର ପୁତ୍ର ଇଲୀଷୂର ଆଣିଲା;
\v 31 ତାହାର ଉପହାର ପବିତ୍ର ସ୍ଥାନର ଶେକଲ ଅନୁସାରେ ଏକ ଶହ ତିରିଶ ଶେକଲ ପରିମିତ ରୂପାର ଏକ ଥାଳୀ ଓ ସତୁରି ଶେକଲ ପରିମିତ ରୂପାର ଏକ କୁଣ୍ଡ, ଏହି ଦୁଇ ଭକ୍ଷ୍ୟ-ନୈବେଦ୍ୟ ନିମନ୍ତେ ତୈଳ ମିଶ୍ରିତ ସରୁ ମଇଦାରେ ପୂର୍ଣ୍ଣ;
\v 32 ଧୂପରେ ପରିପୂର୍ଣ୍ଣ ଦଶ ଶେକଲ ପରିମିତ ସ୍ୱର୍ଣ୍ଣର ଏକ ଚାମଚ;
\s5
\v 33 ହୋମ ନିମନ୍ତେ ଏକ ଗୋବତ୍ସ, ଏକ ମେଷ ଓ ଏକବର୍ଷୀୟ ଏକ ମେଷବତ୍ସ;
\v 34 ପାପାର୍ଥକ ବଳିଦାନ ନିମନ୍ତେ ଏକ ଛାଗ;
\v 35 ମଙ୍ଗଳାର୍ଥକ ବଳିଦାନ ନିମନ୍ତେ ଦୁଇ ଗୋରୁ, ପାଞ୍ଚ ମେଷ, ପାଞ୍ଚ ଛାଗ ଓ ଏକବର୍ଷୀୟ ପାଞ୍ଚ ମେଷବତ୍ସ; ଏହା ଶଦେୟରର ପୁତ୍ର ଇଲୀଷୂରର ଉପହାର ।
\s5
\v 36 ପଞ୍ଚମ ଦିନ ଶିମୀୟୋନ-ସନ୍ତାନଗଣର ଅଧିପତି ସୂରୀଶଦ୍ଦୟର ପୁତ୍ର ଶଲୁମୀୟେଲ ଆଣିଲା;
\v 37 ତାହାର ଉପହାର ପବିତ୍ର ସ୍ଥାନର ଶେକଲ ଅନୁସାରେ ଏକ ଶହ ତିରିଶ ଶେକଲ ପରିମିତ ରୂପାରେ ଏକ ଥାଳୀ ଓ ସତୁରି ଶେକଲ ପରିମିତ ରୂପାର ଏକ କୁଣ୍ଡ; ଏହି ଦୁଇ ଭକ୍ଷ୍ୟ-ନୈବେଦ୍ୟ ନିମନ୍ତେ ତୈଳ ମିଶ୍ରିତ ସରୁ ମଇଦାରେ ପୂର୍ଣ୍ଣ;
\v 38 ଧୂପରେ ପରିପୂର୍ଣ୍ଣ ଦଶ ଶେକଲ ପରିମିତ ସ୍ୱର୍ଣ୍ଣର ଏକ ଚାମଚ;
\s5
\v 39 ହୋମ ନିମନ୍ତେ ଏକ ଗୋବତ୍ସ, ଏକ ମେଷ ଓ ଏକବର୍ଷୀୟ ଏକ ମେଷବତ୍ସ;
\v 40 ପାପାର୍ଥକ ବଳିଦାନ ନିମନ୍ତେ ଏକ ଛାଗ,
\v 41 ମଙ୍ଗଳାର୍ଥକ ବଳିଦାନ ନିମନ୍ତେ ଦୁଇ ଗୋରୁ, ପାଞ୍ଚ ମେଷ, ପାଞ୍ଚ ଛାଗ ଓ ଏକବର୍ଷୀୟ ପାଞ୍ଚ ମେଷବତ୍ସ ଏହା ସୂରୀଶଦ୍ଦୟର ପୁତ୍ର ଶଲୁମୀୟେଲର ଉପହାର ।
\s5
\v 42 ଷଷ୍ଠ ଦିନ ଗାଦ-ସନ୍ତାନଗଣର ଅଧିପତି ଦ୍ୟୂୟେଲର ପୁତ୍ର ଇଲୀୟାସଫ୍‍ ଆଣିଲା;
\v 43 ତାହାର ଉପହାର ପବିତ୍ର ସ୍ଥାନର ଶେକଲ ଅନୁସାରେ ଏକ ଶହ ତିରିଶ ଶେକଲ ପରିମିତ ରୂପାର ଏକ ଥାଳୀ ଓ ସତୁରି ଶେକଲ ପରିମିତ ରୂପାର ଏକ କୁଣ୍ଡ, ଏହି ଦୁଇ ଭକ୍ଷ୍ୟ-ନୈବେଦ୍ୟ ନିମନ୍ତେ ତୈଳ ମିଶ୍ରିତ ସରୁ ମଇଦାରେ ପୂର୍ଣ୍ଣ;
\v 44 ଆଉ ଧୂପରେ ପରିପୂର୍ଣ୍ଣ ଦଶ ଶେକଲ ପରିମିତ ସ୍ୱର୍ଣ୍ଣର ଏକ ଚାମଚ;
\s5
\v 45 ହୋମ ନିମନ୍ତେ ଏକ ଗୋବତ୍ସ, ଏକ ମେଷ ଓ ଏକବର୍ଷୀୟ ଏକ ମେଷବତ୍ସ;
\v 46 ପାପାର୍ଥକ ବଳିଦାନ ନିମନ୍ତେ ଏକ ଛାଗ;
\v 47 ମଙ୍ଗଳାର୍ଥକ ବଳିଦାନ ନିମନ୍ତେ ଦୁଇ ଗୋରୁ, ପାଞ୍ଚ ମେଷ, ପାଞ୍ଚ ଛାଗ ଓ ଏକବର୍ଷୀୟ ପାଞ୍ଚ ମେଷବତ୍ସ; ଏହା ଦ୍ୟୂୟେଲର ପୁତ୍ର ଇଲୀୟାସଫର ଉପହାର ।
\s5
\v 48 ସପ୍ତମ ଦିନ ଇଫ୍ରୟିମ-ସନ୍ତାନଗଣର ଅଧିପତି ଅମ୍ମୀହୂଦର ପୁତ୍ର ଇଲୀଶାମା ଆଣିଲା;
\v 49 ତାହାର ଉପହାର ପବିତ୍ର ସ୍ଥାନର ଶେକଲ ଅନୁସାରେ ଏକ ଶହ ତିରିଶ ଶେକଲ ପରିମିତ ରୂପାର ଏକ ଥାଳୀ ଓ ସତୁରି ଶେକଲ ପରିମିତ ରୂପାର ଏକ କୁଣ୍ଡ, ଏହି ଦୁଇ ଭକ୍ଷ୍ୟ-ନୈବେଦ୍ୟ ନିମନ୍ତେ ତୈଳ ମିଶ୍ରିତ ସରୁ ମଇଦାରେ ପୂର୍ଣ୍ଣ;
\v 50 ଧୂପରେ ପରିପୂର୍ଣ୍ଣ ଦଶ ଶେକଲ ପରିମିତ ସ୍ୱର୍ଣ୍ଣର ଏକ ଚାମଚ;
\s5
\v 51 ହୋମ ନିମନ୍ତେ ଏକ ଗୋବତ୍ସ, ଏକ ମେଷ ଓ ଏକବର୍ଷୀୟ ଏକ ମେଷବତ୍ସ;
\v 52 ପାପାର୍ଥକ ବଳିଦାନ ନିମନ୍ତେ ଏକ ଛାଗ;
\v 53 ମଙ୍ଗଳାର୍ଥକ ବଳିଦାନ ନିମନ୍ତେ ଦୁଇ ଗୋରୁ, ପାଞ୍ଚ ମେଷ, ପାଞ୍ଚ ଛାଗ ଓ ଏକବର୍ଷୀୟ ପାଞ୍ଚ ମେଷବତ୍ସ; ଏହା ଅମ୍ମୀହୂଦର ପୁତ୍ର ଇଲୀଶାମାର ଉପହାର ।
\s5
\v 54 ଅଷ୍ଟମ ଦିନ ମନଃଶି-ସନ୍ତାନଗଣର ଅଧିପତି ପଦାହସୂରର ପୁତ୍ର ଗମଲୀୟେଲ ଆଣିଲା;
\v 55 ତାହାର ଉପହାର ପବିତ୍ର ସ୍ଥାନର ଶେକଲ ଅନୁସାରେ ଏକ ଶହ ତିରିଶ ଶେକଲ ପରିମିତ ରୂପାର ଏକ ଥାଳୀ ଓ ସତୁରି ଶେକଲ ପରିମିତ ରୂପାର ଏକ କୁଣ୍ଡ, ଏହି ଦୁଇ ଭକ୍ଷ୍ୟ ନୈବେଦ୍ୟ ନିମନ୍ତେ ତୈଳ ମିଶ୍ରିତ ସରୁ ମଇଦାରେ ପୂର୍ଣ୍ଣ;
\v 56 ଧୂପରେ ପରିପୂର୍ଣ୍ଣ ଦଶ ଶେକଲ ପରିମିତ ସ୍ୱର୍ଣ୍ଣର ଏକ ଚାମଚ;
\s5
\v 57 ହୋମ ନିମନ୍ତେ ଏକ ଗୋବତ୍ସ, ଏକ ମେଷ ଓ ଏକବର୍ଷୀୟ ଏକ ମେଷବତ୍ସ;
\v 58 ପାପାର୍ଥକ ବଳିଦାନ ନିମନ୍ତେ ଏକ ଛାଗ,
\v 59 ମଙ୍ଗଳାର୍ଥକ ବଳିଦାନ ନିମନ୍ତେ ଦୁଇ ଗୋରୁ, ପାଞ୍ଚ ମେଷ, ପାଞ୍ଚ ଛାଗ ଓ ଏକବର୍ଷୀୟ ପାଞ୍ଚ ମେଷବତ୍ସ; ଏହା ପଦାହସୂରର ପୁତ୍ର ଗମଲୀୟେଲର ଉପହାର ।
\s5
\v 60 ନବମ ଦିନ ବିନ୍ୟାମୀନ୍-ସନ୍ତାନଗଣର ଅଧିପତି ଗିଦିୟୋନିର ପୁତ୍ର ଅବୀଦାନ୍‍ ଆଣିଲା;
\v 61 ତାହାର ଉପହାର ପବିତ୍ର ସ୍ଥାନର ଶେକଲ ଅନୁସାରେ ଏକ ଶହ ତିରିଶ ଶେକଲ ପରିମିତ ରୂପାର ଏକ ଥାଳୀ ଓ ସତୁରି ଶେକଲ ପରିମିତ ରୂପାର ଏକ କୁଣ୍ଡ, ଏହି ଦୁଇ ଭକ୍ଷ୍ୟ-ନୈବେଦ୍ୟ ନିମନ୍ତେ ତୈଳ ମିଶ୍ରିତ ସରୁ ମଇଦାରେ ପୂର୍ଣ୍ଣ;
\v 62 ଧୂପରେ ପରିପୂର୍ଣ୍ଣ ଦଶ ଶେକଲ ପରିମିତ ସ୍ୱର୍ଣ୍ଣର ଏକ ଚାମଚ;
\s5
\v 63 ହୋମ ନିମନ୍ତେ ଏକ ଗୋବତ୍ସ, ଏକ ମେଷ ଓ ଏକବର୍ଷୀୟ ଏକ ମେଷବତ୍ସ;
\v 64 ପାପାର୍ଥକ ବଳିଦାନ ନିମନ୍ତେ ଏକ ଛାଗ,
\v 65 ମଙ୍ଗଳାର୍ଥକ ବଳିଦାନ ନିମନ୍ତେ ଦୁଇ ଗୋରୁ, ପାଞ୍ଚ ମେଷ, ପାଞ୍ଚ ଛାଗ ଓ ଏକବର୍ଷୀୟ ପାଞ୍ଚ ମେଷବତ୍ସ; ଏହା ଗିଦିୟୋନିର ପୁତ୍ର ଅବୀଦାନ୍‍ର ଉପହାର ।
\s5
\v 66 ଦଶମ ଦିନ ଦାନ-ସନ୍ତାନଗଣର ଅଧିପତି ଅମ୍ମୀଶଦ୍ଦୟର ପୁତ୍ର ଅହୀୟେଷର ଆଣିଲା;
\v 67 ତାହାର ଉପହାର ପବିତ୍ର ସ୍ଥାନର ଶେକଲ ଅନୁସାରେ ଏକ ଶହ ତିରିଶ ଶେକଲ ପରିମିତ ରୂପାର ଏକ ଥାଳୀ ଓ ସତୁରି ଶେକଲ ପରିମିତ ରୂପାର ଏକ କୁଣ୍ଡ, ଏହି ଦୁଇ ଭକ୍ଷ୍ୟ-ନୈବେଦ୍ୟ ନିମନ୍ତେ ତୈଳ ମିଶ୍ରିତ ସରୁ ମଇଦାରେ ପୂର୍ଣ୍ଣ;
\v 68 ଧୂପରେ ପରିପୂର୍ଣ୍ଣ ଦଶ ଶେକଲ ପରିମିତ ସ୍ୱର୍ଣ୍ଣର ଏକ ଚାମଚ;
\s5
\v 69 ହୋମ ନିମନ୍ତେ ଏକ ଗୋବତ୍ସ, ଏକ ମେଷ ଓ ଏକବର୍ଷୀୟ ମେଷବତ୍ସ;
\v 70 ପାପାର୍ଥକ ବଳିଦାନ ନିମନ୍ତେ ଏକ ଛାଗ,
\v 71 ମଙ୍ଗଳାର୍ଥକ ବଳିଦାନ ନିମନ୍ତେ ଦୁଇ ଗୋରୁ, ପାଞ୍ଚ ମେଷ, ପାଞ୍ଚ ଛାଗ ଓ ଏକବର୍ଷୀୟ ପାଞ୍ଚ ମେଷବତ୍ସ ଏହା ଅମ୍ମୀଶଦ୍ଦୟର ପୁତ୍ର ଅହୀୟେଷରର ଉପହାର ।
\s5
\v 72 ଏକାଦଶ ଦିନ ଆଶେର-ସନ୍ତାନଗଣର ଅଧିପତି ଅକ୍ରଣର ପୁତ୍ର ପଗୀୟେଲ ଆଣିଲା;
\v 73 ତାହାର ଉପହାର ପବିତ୍ର ସ୍ଥାନର ଶେକଲ ଅନୁସାରେ ଏକ ଶହ ତିରିଶ ଶେକଲ ପରିମିତ ରୂପାର ଏକ ଥାଳୀ ଓ ସତୁରି ଶେକଲ ପରିମିତ ରୂପାର ଏକ କୁଣ୍ଡ, ଏହି ଦୁଇ ଭକ୍ଷ୍ୟ-ନୈବେଦ୍ୟ ନିମନ୍ତେ ତୈଳ ମିଶ୍ରିତ ସରୁ ମଇଦାରେ ପୂର୍ଣ୍ଣ;
\v 74 ଧୂପରେ ପରିପୂର୍ଣ୍ଣ ଦଶ ଶେକଲ ପରିମିତ ସ୍ୱର୍ଣ୍ଣର ଏକ ଚାମଚ;
\s5
\v 75 ହୋମ ନିମନ୍ତେ ଏକ ଗୋବତ୍ସ, ଏକ ମେଷ ଓ ଏକବର୍ଷୀୟ ଏକ ମେଷବତ୍ସ;
\v 76 ପାପାର୍ଥକ ବଳିଦାନ ନିମନ୍ତେ ଏକ ଛାଗ,
\v 77 ମଙ୍ଗଳାର୍ଥକ ବଳିଦାନ ନିମନ୍ତେ ଦୁଇ ଗୋରୁ, ପାଞ୍ଚ ମେଷ, ପାଞ୍ଚ ଛାଗ ଓ ଏକବର୍ଷୀୟ ପାଞ୍ଚ ମେଷବତ୍ସ ଏହା ଅକ୍ରଣର ପୁତ୍ର ପଗୀୟେଲର ଉପହାର ।
\s5
\v 78 ଦ୍ୱାଦଶ ଦିନ ନପ୍ତାଲି-ସନ୍ତାନଗଣର ଅଧିପତି ଐନନର ପୁତ୍ର ଅହୀର ଆଣିଲା;
\v 79 ତାହାର ଉପହାର ପବିତ୍ର ସ୍ଥାନର ଶେକଲ ଅନୁସାରେ ଏକ ଶହ ତିରିଶ ଶେକଲ ପରିମିତ ରୂପାର ଏକ ଥାଳୀ ଓ ସତୁରି ଶେକଲ ପରିମିତ ରୂପାର ଏକ କୁଣ୍ଡ, ଏହି ଦୁଇ ଭକ୍ଷ୍ୟ ନୈବେଦ୍ୟ ନିମନ୍ତେ ତୈଳ ମିଶ୍ରିତ ସରୁ ମଇଦାରେ ପୂର୍ଣ୍ଣ;
\v 80 ଧୂପରେ ପରିପୂର୍ଣ୍ଣ ଦଶ ଶେକଲ ପରିମିତ ସ୍ୱର୍ଣ୍ଣର ଏକ ଚାମଚ;
\s5
\v 81 ହୋମ ନିମନ୍ତେ ଏକ ଗୋବତ୍ସ, ଏକ ମେଷ ଓ ଏକବର୍ଷୀୟ ଏକ ମେଷବତ୍ସ,
\v 82 ପାପାର୍ଥକ ବଳିଦାନ ନିମନ୍ତେ ଏକ ଛାଗ,
\v 83 ମଙ୍ଗଳାର୍ଥକ ବଳିଦାନ ନିମନ୍ତେ ଦୁଇ ଗୋରୁ, ପାଞ୍ଚ ମେଷ, ପାଞ୍ଚ ଛାଗ ଓ ଏକବର୍ଷୀୟ ପାଞ୍ଚ ମେଷବତ୍ସ ଏହା ଐନନର ପୁତ୍ର ଅହୀରର ଉପହାର ।
\s5
\v 84 ବେଦିର ଅଭିଷେକ ଦିନ, ତହିଁର ପ୍ରତିଷ୍ଠାର୍ଥକ ଏହି ଉପହାର ଇସ୍ରାଏଲର ଅଧିପତିଗଣ ଦ୍ୱାରା ଦତ୍ତ ହୋଇଥିଲା; ରୂପାର ଦ୍ୱାଦଶ ଥାଳୀ, ରୂପାର ଦ୍ୱାଦଶ କୁଣ୍ଡ ଓ ସ୍ୱର୍ଣ୍ଣର ଦ୍ୱାଦଶ ଚାମଚ;
\v 85 ତହିଁର ପ୍ରତ୍ୟେକ ରୂପାଥାଳୀ ଏକ ଶହ ତିରିଶ ଶେକଲ ଓ ପ୍ରତ୍ୟେକ କୁଣ୍ଡ ସତୁରି ଶେକଲ ପରିମିତ; ସମସ୍ତ ପାତ୍ରର ରୂପା ପବିତ୍ର ସ୍ଥାନର ଶେକଲ ଅନୁସାରେ ଦୁଇ ହଜାର ଚାରି ଶହ ଶେକଲ ଥିଲା;
\v 86 ପୁଣି, ଧୂପପୂର୍ଣ୍ଣ ଦ୍ୱାଦଶ ସ୍ୱର୍ଣ୍ଣ ଚାମଚ, ପ୍ରତ୍ୟେକେ ପବିତ୍ର ସ୍ଥାନର ଶେକଲ ଅନୁସାରେ ଦଶ ଶେକଲ ପରିମିତ; ଚାମଚର ସମସ୍ତ ସ୍ୱର୍ଣ୍ଣ ଶହେ କୋଡ଼ିଏ ଶେକଲ ଥିଲା ।
\s5
\v 87 ହୋମ ନିମନ୍ତେ ସମୁଦାୟ ଦ୍ୱାଦଶ ଗୋରୁ, ଦ୍ୱାଦଶ ମେଷ, ଏକବର୍ଷୀୟ ଦ୍ୱାଦଶ ମେଷବତ୍ସ ଓ ସେସବୁର ଭକ୍ଷ୍ୟ- ନୈବେଦ୍ୟ; ଆଉ ପାପାର୍ଥକ ବଳିଦାନ ନିମନ୍ତେ ଦ୍ୱାଦଶ ଛାଗ;
\v 88 ପୁଣି, ମଙ୍ଗଳାର୍ଥକ ବଳିଦାନ ନିମନ୍ତେ ସମୁଦାୟ ଚବିଶ ଗୋରୁ, ଷାଠିଏ ମେଷ, ଷାଠିଏ ଛାଗ ଓ ଏକବର୍ଷୀୟ ଷାଠିଏ ମେଷବତ୍ସ; ଏହା ବେଦିର ଅଭିଷେକ ଉତ୍ତାରେ ତହିଁର ପ୍ରତିଷ୍ଠା ନିମନ୍ତେ ଦତ୍ତ ଉପହାର ।
\s5
\v 89 ଏଉତ୍ତାରେ ମୋଶା ତାହାଙ୍କ ସହିତ କଥା କହିବାକୁ ସମାଗମ-ତମ୍ବୁରେ ପ୍ରବେଶ କରନ୍ତେ, ସାକ୍ଷ୍ୟସିନ୍ଦୁକର ଉପରିସ୍ଥିତ ପାପାଚ୍ଛାଦନର ଉପରୁ, କିରୂବଦ୍ୱୟ ମଧ୍ୟରୁ ଆପଣା ପ୍ରତି ବାକ୍ୟବାଦୀ ରବ ଶୁଣିଲେ; ପୁଣି, ସେ ତାଙ୍କ ସହିତ କଥା କହିଲେ ।
\s5
\c 8
\s ଦୀପବୃକ୍ଷର ପ୍ରତିଷ୍ଠା
\p
\v 1 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
\v 2 "ତୁମ୍ଭେ ହାରୋଣକୁ କୁହ, ତୁମ୍ଭେ ପ୍ରଦୀପ ଜାଳିବା ସମୟରେ ସେହି ସପ୍ତ ପ୍ରଦୀପ ଦୀପବୃକ୍ଷର ସମ୍ମୁଖ ଭାଗରେ ଆଲୁଅ ଦେବ ।"
\s5
\v 3 ତହିଁରେ ହାରୋଣ ସେହିରୂପ କଲେ; ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ, ଯେପରି ଦୀପବୃକ୍ଷର ସମ୍ମୁଖ ଭାଗରେ ଆଲୁଅ ହେବ, ସେ ସେହିପରି ଦୀପମାନ ଜ୍ୱଳାଇଲେ ।
\v 4 ସେହି ଦୀପବୃକ୍ଷର କର୍ମ ସ୍ୱର୍ଣ୍ଣର ପିଟାକର୍ମ ଥିଲା; ତହିଁର ଗଣ୍ଡି ଓ ପୁଷ୍ପ ପର୍ଯ୍ୟନ୍ତ ପିଟାକର୍ମ ଥିଲା; ସଦାପ୍ରଭୁ ମୋଶାଙ୍କୁ ଯେଉଁ ଆଦର୍ଶ ଦେଖାଇଥିଲେ, ତଦନୁସାରେ ସେ ଦୀପବୃକ୍ଷ ନିର୍ମାଣ କଲେ ।
\s ଲେବୀୟମାନଙ୍କ ଶୁଚିକରଣ
\p
\s5
\v 5 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
\v 6 "ତୁମ୍ଭେ ଇସ୍ରାଏଲ-ସନ୍ତାନଗଣ ମଧ୍ୟରୁ ଲେବୀୟମାନଙ୍କୁ ନେଇ ଶୁଚି କର ।"
\s5
\v 7 ତୁମ୍ଭେ ସେମାନଙ୍କୁ ଶୁଚି କରିବା ନିମନ୍ତେ ଏହିରୂପ କରିବ; ସେମାନଙ୍କ ଉପରେ ପବିତ୍ରୀକରଣ ଜଳ ପ୍ରକ୍ଷେପ କର ଓ ସେମାନେ ଆପଣା ଆପଣାର ସମସ୍ତ ଶରୀରରେ କ୍ଷୁର ଚଳାନ୍ତୁ ଓ ସେମାନେ ଆପଣା ଆପଣା ବସ୍ତ୍ର ଧୋଇ ଆପଣା ଆପଣାକୁ ଶୁଚି କରନ୍ତୁ ।
\v 8 ତହିଁ ଉତ୍ତାରେ ସେମାନେ ଏକ ଗୋବତ୍ସ ଓ ତହିଁର ତୈଳ ମିଶ୍ରିତ ସରୁ ମଇଦାର ଭକ୍ଷ୍ୟ ନୈବେଦ୍ୟ ଆଣନ୍ତୁ, ପୁଣି, ତୁମ୍ଭେ ଆଉ ଏକ ଗୋବତ୍ସ ପାପାର୍ଥକ ବଳି ନିମନ୍ତେ ନେବ ।
\s5
\v 9 ତହୁଁ ତୁମ୍ଭେ ଲେବୀୟମାନଙ୍କୁ ସମାଗମ-ତମ୍ବୁ ସମ୍ମୁଖରେ ଉପସ୍ଥିତ କରାଇବ; ପୁଣି, ଇସ୍ରାଏଲ-ସନ୍ତାନଗଣର ସମସ୍ତ ମଣ୍ଡଳୀକୁ ଏକତ୍ର କରିବ ।
\v 10 ଆଉ ତୁମ୍ଭେ ଲେବୀୟମାନଙ୍କୁ ସଦାପ୍ରଭୁଙ୍କ ସମ୍ମୁଖରେ ଉପସ୍ଥିତ କରାଇବ; ତହୁଁ ଇସ୍ରାଏଲ-ସନ୍ତାନଗଣ ଲେବୀୟମାନଙ୍କ ଉପରେ ଆପଣାମାନଙ୍କ ହସ୍ତ ରଖିବେ ।
\v 11 ଆଉ ହାରୋଣ ଇସ୍ରାଏଲ-ସନ୍ତାନଗଣ ପକ୍ଷରେ ଲେବୀୟମାନଙ୍କୁ ସଦାପ୍ରଭୁଙ୍କ ସମ୍ମୁଖରେ ଦୋଳନୀୟ ଉପହାର ରୂପେ ଉତ୍ସର୍ଗ କରିବ, ତହିଁରେ ସେମାନେ ସଦାପ୍ରଭୁଙ୍କର ସେବା କରି ପାରିବେ ।
\s5
\v 12 ତହିଁ ଉତ୍ତାରେ ଲେବୀୟମାନେ ସେହି ଦୁଇ ଗୋବତ୍ସର ମସ୍ତକରେ ଆପଣାମାନଙ୍କ ହସ୍ତ ରଖିବେ; ତହୁଁ ତୁମ୍ଭେ ଲେବୀୟମାନଙ୍କ ପାଇଁ ପ୍ରାୟଶ୍ଚିତ୍ତ କରିବା ନିମନ୍ତେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗୋଟିଏକୁ ପାପାର୍ଥକ ବଳି ରୂପେ ଓ ଅନ୍ୟଟିକୁ ହୋମାର୍ଥକ ବଳି ରୂପେ ଉତ୍ସର୍ଗ କରିବ ।
\v 13 ପୁଣି, ତୁମ୍ଭେ ହାରୋଣ ଓ ତାହାର ପୁତ୍ରଗଣ ସମ୍ମୁଖରେ ଲେବୀୟମାନଙ୍କୁ ଉପସ୍ଥିତ କରାଇ ଦୋଳନୀୟ ନୈବେଦ୍ୟ ରୂପେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବ ।
\s5
\v 14 ଏହିରୂପେ ତୁମ୍ଭେ ଇସ୍ରାଏଲ-ସନ୍ତାନଗଣଠାରୁ ଲେବୀୟମାନଙ୍କୁ ପୃଥକ୍ କରିବ; ତହିଁରେ ଲେବୀୟମାନେ ଆମ୍ଭର ହେବେ ।
\v 15 ତହିଁ ଉତ୍ତାରେ ଲେବୀୟମାନେ ସେବା କରିବା ନିମନ୍ତେ ସମାଗମ-ତମ୍ବୁରେ ପ୍ରବେଶ କରିବେ; ପୁଣି, ତୁମ୍ଭେ ସେମାନଙ୍କୁ ଶୁଚି କରି ଦୋଳନୀୟ ନୈବେଦ୍ୟ ରୂପେ ଉତ୍ସର୍ଗ କରିବ ।
\s5
\v 16 କାରଣ ସେମାନେ ଇସ୍ରାଏଲ-ସନ୍ତାନଗଣ ମଧ୍ୟରୁ ଆମ୍ଭ ଉଦ୍ଦେଶ୍ୟରେ ସମ୍ପୂର୍ଣ୍ଣ ରୂପେ ଦତ୍ତ ଲୋକ; ଆମ୍ଭେ ଇସ୍ରାଏଲର ସନ୍ତାନଗଣ ମଧ୍ୟରୁ ସମସ୍ତ ପ୍ରଥମଜାତ ଗର୍ଭଫଳ ବଦଳେ ସେମାନଙ୍କୁ ଆପଣା ନିମନ୍ତେ ଗ୍ରହଣ କଲୁ ।
\v 17 ଯେହେତୁ ଇସ୍ରାଏଲ-ସନ୍ତାନଗଣ ମଧ୍ୟରେ ମନୁଷ୍ୟ ଓ ପଶୁ, ଉଭୟର ସମସ୍ତ ପ୍ରଥମଜାତ ଆମ୍ଭର ମିସର ଦେଶର ସମସ୍ତ ପ୍ରଥମଜାତଙ୍କୁ ଆଘାତ କରିବା ଦିନ ଆମ୍ଭେ ସେମାନଙ୍କୁ ଆପଣା ନିମନ୍ତେ ପବିତ୍ର କଲୁ ।
\s5
\v 18 ପୁଣି, ଇସ୍ରାଏଲ-ସନ୍ତାନଗଣର ସମସ୍ତ ପ୍ରଥମଜାତ ବଦଳେ ଆମ୍ଭେ ଲେବୀୟମାନଙ୍କୁ ଗ୍ରହଣ କଲୁ ।
\v 19 ଆଉ ଇସ୍ରାଏଲ-ସନ୍ତାନଗଣ ପବିତ୍ର ସ୍ଥାନ ନିକଟକୁ ଆସିବା ସମୟରେ ଯେପରି ସେମାନଙ୍କ ମଧ୍ୟରେ ମହାମାରୀ ଉପସ୍ଥିତ ନ ହୁଏ, ଏଥିପାଇଁ ଆମ୍ଭେ ସମାଗମ-ତମ୍ବୁରେ ଇସ୍ରାଏଲ-ସନ୍ତାନଗଣ ବଦଳେ ସେବା ଓ ସେମାନଙ୍କ ନିମନ୍ତେ ପ୍ରାୟଶ୍ଚିତ୍ତ କରିବା ପାଇଁ ଇସ୍ରାଏଲ-ସନ୍ତାନଗଣ ମଧ୍ୟରୁ ଲେବୀୟମାନଙ୍କୁ ଦାନ ରୂପେ ହାରୋଣ ଓ ତାହାର ପୁତ୍ରଗଣଙ୍କୁ ଦେଲୁ ।
\s5
\v 20 ଏହିରୂପେ ମୋଶା, ହାରୋଣ ଓ ଇସ୍ରାଏଲ ସନ୍ତାନଗଣଙ୍କର ସମସ୍ତ ମଣ୍ଡଳୀ ଲେବୀୟମାନଙ୍କ ପ୍ରତି କଲେ; ସଦାପ୍ରଭୁ ଲେବୀୟମାନଙ୍କ ବିଷୟରେ ମୋଶାଙ୍କୁ ଯେଉଁ ସମସ୍ତ ଆଜ୍ଞା ଦେଇଥିଲେ, ତଦନୁସାରେ ଇସ୍ରାଏଲ-ସନ୍ତାନଗଣ ସେମାନଙ୍କ ପ୍ରତି କଲେ ।
\v 21 ପୁଣି, ଲେବୀୟମାନେ ଆପଣା ଆପଣାକୁ ପାପରୁ ପରିଷ୍କାର କଲେ ଓ ଆପଣା ଆପଣା ବସ୍ତ୍ର ଧୌତ କଲେ; ତହୁଁ ହାରୋଣ ସେମାନଙ୍କୁ ସଦାପ୍ରଭୁଙ୍କ ସମ୍ମୁଖରେ ଦୋଳନୀୟ ନୈବେଦ୍ୟ ରୂପେ ଉତ୍ସର୍ଗ କଲେ; ଆଉ ହାରୋଣ ସେମାନଙ୍କୁ ଶୁଚି କରିବା ନିମନ୍ତେ ପ୍ରାୟଶ୍ଚିତ୍ତ କଲେ ।
\s5
\v 22 ତହିଁ ଉତ୍ତାରେ ଲେବୀୟମାନେ ହାରୋଣର ସମ୍ମୁଖରେ ଓ ତାହାର ପୁତ୍ରଗଣ ସମ୍ମୁଖରେ ଆପଣା ଆପଣା ସେବାକର୍ମ କରିବା ନିମନ୍ତେ ସମାଗମ-ତମ୍ବୁରେ ପ୍ରବେଶ କଲେ; ସଦାପ୍ରଭୁ ଲେବୀୟମାନଙ୍କ ବିଷୟରେ ମୋଶାଙ୍କୁ ଯେପରି ଆଜ୍ଞା ଦେଇଥିଲେ, ତଦନୁସାରେ ସେମାନଙ୍କ ପ୍ରତି କଲେ ।
\s ଲେବୀୟମାନଙ୍କ ଅବସର ଗ୍ରହଣ
\p
\s5
\v 23 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
\v 24 "ଲେବୀୟମାନଙ୍କ ବିଷୟରେ ଏହି ବ୍ୟବସ୍ଥା ପଚିଶ ବର୍ଷ ବୟସରୁ ଲେବୀୟମାନେ ସମାଗମ-ତମ୍ବୁରେ ସେବାକର୍ମ କରିବା ନିମନ୍ତେ ସେବକ ଶ୍ରେଣୀଭୁକ୍ତ ହେବେ ।
\s5
\v 25 ପୁଣି, ସେମାନେ ପଚାଶ ବର୍ଷ ବୟସ୍କ ହେଲେ, ସେବାକର୍ମରୁ ନିବୃତ୍ତ ହୋଇ ଆଉ ସେବା କରିବେ ନାହିଁ;
\v 26 ତଥାପି ସେମାନେ ରକ୍ଷଣୀୟ ରକ୍ଷା କରିବାରେ ସମାଗମ-ତମ୍ବୁରେ ଆପଣା ଆପଣା ଭ୍ରାତା ସହିତ ସେବାକର୍ମ କରିବେ ଓ ଅନ୍ୟ ସେବା କରିବେ ନାହିଁ; ଲେବୀୟମାନଙ୍କ ରକ୍ଷଣୀୟ ବିଷୟରେ ତୁମ୍ଭେ ସେମାନଙ୍କ ପ୍ରତି ଏରୂପ କରିବ ।"
\s5
\c 9
\s ନିସ୍ତାର ପର୍ବ ପାଳନ
\p
\v 1 ଏଥିଉତ୍ତାରେ ଲୋକମାନେ ମିସର ଦେଶରୁ ବାହାର ହେଲା ଉତ୍ତାରେ ଦ୍ୱିତୀୟ ବର୍ଷର ପ୍ରଥମ ମାସରେ ସୀନୟ ପ୍ରାନ୍ତରରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
\v 2 "ଇସ୍ରାଏଲ-ସନ୍ତାନଗଣ ନିରୂପିତ ସମୟରେ ନିସ୍ତାର ପର୍ବ ପାଳନ କରନ୍ତୁ;
\v 3 ଏହି ମାସ ଚତୁର୍ଦ୍ଦଶ ଦିନର ସନ୍ଧ୍ୟା କାଳର ନିରୂପିତ ସମୟରେ ତୁମ୍ଭେମାନେ ତାହା ପାଳନ କରିବ; ତହିଁର ସମସ୍ତ ବିଧି ଓ ନିୟମ ଅନୁସାରେ ତାହା ପାଳନ କରିବ ।"
\s5
\v 4 ତହୁଁ ମୋଶା ଇସ୍ରାଏଲ-ସନ୍ତାନଗଣକୁ ନିସ୍ତାର ପର୍ବ ପାଳନ କରିବା ପାଇଁ କହିଲେ ।
\v 5 ତହିଁରେ ସେମାନେ ପ୍ରଥମ ମାସ ଚତୁର୍ଦ୍ଦଶ ଦିନର ସନ୍ଧ୍ୟା ସମୟରେ ସୀନୟ ପ୍ରାନ୍ତରରେ ନିସ୍ତାର ପର୍ବ ପାଳନ କଲେ; ସଦାପ୍ରଭୁ ମୋଶାଙ୍କୁ ଯେପରି ଆଜ୍ଞା ଦେଇଥିଲେ, ତଦନୁସାରେ ଇସ୍ରାଏଲ-ସନ୍ତାନଗଣ ସବୁ କର୍ମ କଲେ ।
\s5
\v 6 ମାତ୍ର କେତେକ ଲୋକ ମନୁଷ୍ୟର ଶବ ସ୍ପର୍ଶ କରି ଅଶୁଚି ହେବାରୁ ସେହିଦିନ ସେମାନେ ନିସ୍ତାର ପର୍ବ ପାଳନ କରି ପାରିଲେ ନାହିଁ; ଏନିମନ୍ତେ ସେମାନେ ସେହିଦିନ ମୋଶା ଓ ହାରୋଣଙ୍କ ନିକଟକୁ ଆସିଲେ ।
\v 7 ସେହି ଲୋକମାନେ ତାଙ୍କୁ କହିଲେ, "ଆମ୍ଭେମାନେ ମନୁଷ୍ୟର ଶବ ଦ୍ୱାରା ଅଶୁଚି ହୋଇଅଛୁ; ଏହେତୁ ଇସ୍ରାଏଲ-ସନ୍ତାନଗଣ ମଧ୍ୟରେ ନିରୂପିତ ସମୟରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉପହାର ଉତ୍ସର୍ଗ କରିବା ପାଇଁ କି କାରଣରୁ ଆମ୍ଭେମାନେ ନିବାରିତ ହେଉଅଛୁ"?
\v 8 ତେବେ ମୋଶା ସେମାନଙ୍କୁ କହିଲେ, "ତୁମ୍ଭେମାନେ ରହିଥାଅ; ତୁମ୍ଭମାନଙ୍କ ବିଷୟରେ ସଦାପ୍ରଭୁ କି ଆଜ୍ଞା ଦେବେ, ତାହା ଶୁଣେ ।"
\s5
\v 9 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
\v 10 "ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ କୁହ, ତୁମ୍ଭମାନଙ୍କ ମଧ୍ୟରେ କିଅବା ତୁମ୍ଭମାନଙ୍କ ଭବିଷ୍ୟତ ସନ୍ତାନଗଣ ମଧ୍ୟରେ ଯଦି କେହି ଶବ ଦ୍ୱାରା ଅଶୁଚି ହୁଏ, କିଅବା ଦୂର ସ୍ଥାନରେ ପଥିକ ହୁଏ, ତେବେହେଁ ସେ ସଦାପ୍ରଭୁଙ୍କ ନିସ୍ତାର ପର୍ବ ପାଳନ କରିବ;
\s5
\v 11 ଦ୍ୱିତୀୟ ମାସର ଚତୁର୍ଦ୍ଦଶ ଦିନ ସନ୍ଧ୍ୟା ସମୟରେ ସେମାନେ ତାହା ପାଳନ କରିବେ; ସେମାନେ ତାଡ଼ିଶୂନ୍ୟ ରୁଟି ଓ ପିତା ଶାକ ସହିତ ତାହା ଭୋଜନ କରିବେ;
\v 12 ସେମାନେ ପ୍ରଭାତ ପର୍ଯ୍ୟନ୍ତ ତହିଁରୁ କିଛି ରଖିବେ ନାହିଁ କିଅବା ତହିଁର କୌଣସି ହାଡ଼ ଭାଙ୍ଗିବେ ନାହିଁ; ସେମାନେ ନିସ୍ତାର ପର୍ବର ସମସ୍ତ ବିଧି ଅନୁସାରେ ପାଳନ କରିବେ ।
\s5
\v 13 ମାତ୍ର ଯେକେହି ଶୁଚି ଥାଇ ଓ ପଥିକ ନ ହୋଇ ନିସ୍ତାର ପର୍ବ ପାଳନ କରିବାରୁ କ୍ଷାନ୍ତ ହୁଏ, ସେହି ପ୍ରାଣୀ ଆପଣା ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେବ; ସେ ନିରୂପିତ ସମୟରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉପହାର ଉତ୍ସର୍ଗ କଲା ନାହିଁ, ଏଥିପାଇଁ ସେହି ମନୁଷ୍ୟ ଆପଣା ପାପ ବହିବ;
\v 14 ଆଉ ଯଦି ତୁମ୍ଭମାନଙ୍କ ମଧ୍ୟରେ ପ୍ରବାସକାରୀ କୌଣସି ବିଦେଶୀୟ ଲୋକ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନିସ୍ତାର ପର୍ବ ପାଳନ କରିବାକୁ ଇଚ୍ଛା କରେ, ତେବେ ସେ ନିସ୍ତାର ପର୍ବର ବିଧି ଅନୁସାରେ ଓ ତହିଁର ନିୟମାନୁସାରେ ତାହା ପାଳନ କରିବ; ସ୍ୱଦେଶଜାତ କିମ୍ବା ବିଦେଶଜାତ, ଦୁହିଁଙ୍କ ପାଇଁ ତୁମ୍ଭମାନଙ୍କର ଏକ ବିଧି ହେବ ।"
\s ସାକ୍ଷ୍ୟତମ୍ବୁକୁ ମେଘ ଆଚ୍ଛାଦନ
\p
\s5
\v 15 ଆଉ ଯେଉଁ ଦିନ ଆବାସ ସ୍ଥାପିତ ହେଲା, ସେହିଦିନ ମେଘ ଆବାସକୁ, ଅର୍ଥାତ୍‍, ସାକ୍ଷ୍ୟତମ୍ବୁକୁ ଆଚ୍ଛାଦନ କଲା; ପୁଣି, ତାହା ସନ୍ଧ୍ୟା ସମୟରୁ ପ୍ରଭାତ ପର୍ଯ୍ୟନ୍ତ ଆବାସ ଉପରେ ଅଗ୍ନି ତୁଲ୍ୟ ଦେଖାଗଲା
\v 16 ଏହିରୂପେ ସର୍ବଦା ହେଲା; ମେଘ ଆବାସକୁ ଆଚ୍ଛାଦନ କଲା, ପୁଣି, ରାତ୍ରିରେ ଅଗ୍ନିତୁଲ୍ୟ ଦେଖାଗଲା ।
\v 17 ଆଉ ଯେକୌଣସି ସମୟରେ ତମ୍ବୁ ଉପରୁ ସେହି ମେଘ ଉପରକୁ ନିଆଗଲା, ସେତେବେଳେ ଉତ୍ତାରେ ଇସ୍ରାଏଲ ସନ୍ତାନଗଣ ଯାତ୍ରା କଲେ; ପୁଣି, ସେହି ମେଘ ଯେଉଁଠାରେ ରହିଲା, ଇସ୍ରାଏଲ-ସନ୍ତାନଗଣ ସେହିଠାରେ ଛାଉଣି ସ୍ଥାପନ କଲେ ।
\s5
\v 18 ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଇସ୍ରାଏଲ-ସନ୍ତାନଗଣ ଯାତ୍ରା କଲେ ଓ ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଛାଉଣି ସ୍ଥାପନ କଲେ; ଯେପର୍ଯ୍ୟନ୍ତ ସେହି ମେଘ ଆବାସ ଉପରେ ରହିଲା, ସେପର୍ଯ୍ୟନ୍ତ ସେମାନେ ଛାଉଣି ସ୍ଥାପନ କରି ରହିଲେ ।
\v 19 ପୁଣି, ଯେତେବେଳେ ସେହି ମେଘ ଆବାସ ଉପରେ ବହୁ ଦିନ ବିଳମ୍ବ କରି ରହିଲା, ଯେତେବେଳେ ଇସ୍ରାଏଲ ସନ୍ତାନଗଣ ସଦାପ୍ରଭୁଙ୍କ ରକ୍ଷଣୀୟ ରକ୍ଷା କଲେ ଓ ଯାତ୍ରା କଲେ ନାହିଁ ।
\s5
\v 20 ପୁଣି, କେବେ କେବେ ସେହି ମେଘ ଆବାସ ଉପରେ ଅଳ୍ପ ଦିନ ରହିଲା, ସେହି ସମୟରେ ମଧ୍ୟ ସେମାନେ ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଛାଉଣି କରି ରହିଲେ ଓ ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଯାତ୍ରା କଲେ ।
\v 21 ଆଉ କେବେ କେବେ ମେଘ ସନ୍ଧ୍ୟାଠାରୁ ପ୍ରଭାତ ପର୍ଯ୍ୟନ୍ତ ରହିଲା ଓ ପ୍ରଭାତରେ ମେଘ ଉପରକୁ ନିଆଯା'ନ୍ତେ, ସେମାନେ ଯାତ୍ରା କଲେ; ଅବା ଯଦି ତାହା ଦିବାରାତ୍ର ରହିଲା, ତେବେ ମେଘ ଉପରକୁ ନିଆଯା'ନ୍ତେ, ସେମାନେ ଯାତ୍ରା କଲେ ।
\s5
\v 22 ଦୁଇ ଦିନ କିମ୍ବା ଏକ ମାସ କିମ୍ବା ଏକ ବର୍ଷ ହେଉ, ଆବାସ ଉପରେ ମେଘ ଯେତେ କାଳ ବିଳମ୍ବ କରି ଅବସ୍ଥିତି କଲା, ସେତେ କାଳ ଇସ୍ରାଏଲ-ସନ୍ତାନଗଣ ଯାତ୍ରା ନ କରି ଛାଉଣିରେ ରହିଲେ; ମାତ୍ର ତାହା ନିଆଯା'ନ୍ତେ, ସେମାନେ ଯାତ୍ରା କଲେ ।
\v 23 ସେମାନେ ସଦାପ୍ରଭୁଙ୍କ ଆଜ୍ଞାରେ ଛାଉଣି ସ୍ଥାପନ କଲେ ଓ ସଦାପ୍ରଭୁଙ୍କ ଆଜ୍ଞାରେ ଯାତ୍ରା କଲେ; ସେମାନେ ମୋଶାଙ୍କ ଦ୍ୱାରା ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସଦାପ୍ରଭୁଙ୍କ ରକ୍ଷଣୀୟ ରକ୍ଷା କଲେ ।
\s5
\c 10
\s ରୌପ୍ୟ ତୂରୀ
\p
\v 1 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
\v 2 "ତୁମ୍ଭେ ରୂପାର ଦୁଇ ତୂରୀ ନିର୍ମାଣ କର; ତୁମ୍ଭେ ପିଟାକର୍ମରେ ତାହା ନିର୍ମାଣ କରିବ; ଆଉ ତୁମ୍ଭେ ମଣ୍ଡଳୀକୁ ଆହ୍ୱାନ କରିବା ସମୟରେ ଓ ଛାଉଣିସମୂହ ପ୍ରସ୍ଥାନ କରିବା ସମୟରେ ତାହା ବ୍ୟବହାର କରିବ ।
\s5
\v 3 ପୁଣି, ସେମାନେ ସେହି ଦୁଇ ତୂରୀ ବଜାନ୍ତେ, ସମସ୍ତ ମଣ୍ଡଳୀ ସମାଗମ-ତମ୍ବୁ ଦ୍ୱାରରେ ତୁମ୍ଭ ନିକଟରେ ଏକତ୍ରିତ ହେବେ ।
\v 4 ଆଉ ଯଦି ସେମାନେ ଏକ ତୂରୀ ବଜାଇବେ, ତେବେ ଅଧିପତିମାନେ, ଅର୍ଥାତ୍‍, ଇସ୍ରାଏଲର ସହସ୍ରପତିମାନେ, ତୁମ୍ଭ ନିକଟରେ ଏକତ୍ରିତ ହେବେ ।
\v 5 ପୁଣି, ତୁମ୍ଭେମାନେ ରଣତୂରୀ ବଜାନ୍ତେ, ପୂର୍ବ ଦିଗସ୍ଥିତ ଛାଉଣିର ଲୋକମାନେ ଯାତ୍ରା କରିବେ ।
\s5
\v 6 ପୁଣି, ତୁମ୍ଭେମାନେ ଦ୍ୱିତୀୟ ଥର ରଣତୂରୀ ବଜାନ୍ତେ, ଦକ୍ଷିଣ ଦିଗସ୍ଥିତ ଛାଉଣିର ଲୋକମାନେ ଯାତ୍ରା କରିବେ; ଏହି କ୍ରମରେ ସେମାନେ ଆପଣାମାନଙ୍କ ଯାତ୍ରା ନିମନ୍ତେ ରଣତୂରୀ ବଜାଇବେ ।
\v 7 ସମାଜକୁ ଏକତ୍ର କରିବା ସମୟରେ ତୁମ୍ଭେମାନେ ତୂରୀ ବଜାଇବ, ମାତ୍ର ରଣତୂରୀ ବଜାଇବ ନାହିଁ ।
\v 8 ଆଉ ହାରୋଣର ପୁତ୍ର ଯାଜକମାନେ ସେହି ଦୁଇ ତୂରୀ ବଜାଇବେ; ପୁଣି, ତାହା ତୁମ୍ଭମାନଙ୍କ ପୁରୁଷାନୁକ୍ରମେ ତୁମ୍ଭମାନଙ୍କ ପ୍ରତି ଅନନ୍ତକାଳୀନ ବିଧି ହେବ ।
\s5
\v 9 ଆଉ ଯେଉଁ ସମୟରେ ତୁମ୍ଭେମାନେ ଆପଣା ଦେଶରେ କ୍ଳେଶଦାୟୀ ବିପକ୍ଷଗଣର ବିରୁଦ୍ଧରେ ଯୁଦ୍ଧ କରିବାକୁ ଯିବ, ସେହି ସମୟରେ ତୁମ୍ଭେମାନେ ଏହି ତୂରୀରେ ରଣବାଦ୍ୟ ବଜାଇବ; ତହିଁରେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ସାକ୍ଷାତରେ ତୁମ୍ଭେମାନେ ସ୍ମରଣ କରାଯିବ ଓ ତୁମ୍ଭେମାନେ ଆପଣାମାନଙ୍କ ଶତ୍ରୁଗଣଠାରୁ ରକ୍ଷା ପାଇବ ।
\s5
\v 10 ଆହୁରି ତୁମ୍ଭମାନଙ୍କ ଆନନ୍ଦ-ଦିନରେ, ତୁମ୍ଭମାନଙ୍କ ନିରୂପିତ ପର୍ବରେ ଓ ତୁମ୍ଭମାନଙ୍କ ମାସର ଆରମ୍ଭରେ ତୁମ୍ଭେମାନେ ଆପଣାମାନଙ୍କ ହୋମବଳି ଓ ମଙ୍ଗଳାର୍ଥକ ବଳି ଉପରେ ଏହି ତୂରୀ ବଜାଇବ; ତହିଁରେ ତାହା ତୁମ୍ଭମାନଙ୍କ ପରମେଶ୍ୱରଙ୍କ ସମ୍ମୁଖରେ ତୁମ୍ଭମାନଙ୍କର ସ୍ମରଣାର୍ଥେ ହେବ; ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ ।"
\s ସୀନୟ ଛାଉଣି ପରିତ୍ୟାଗ
\p
\s5
\v 11 ଆଉ ଦ୍ୱିତୀୟ ବର୍ଷର ଦ୍ୱିତୀୟ ମାସର କୋଡ଼ିଏ ଦିନରେ ସେହି ମେଘ ସାକ୍ଷ୍ୟରୂପ ଆବାସ ଉପରୁ ନିଆଗଲା ।
\v 12 ତହିଁରେ ଇସ୍ରାଏଲ-ସନ୍ତାନଗଣ ଯାତ୍ରା କରିବାର ନିୟମାନୁସାରେ ସୀନୟ ପ୍ରାନ୍ତରରୁ ଅଗ୍ରସର ହେଲେ; ପୁଣି, ସେହି ମେଘ ପାରଣ ପ୍ରାନ୍ତରରେ ଅବସ୍ଥିତି କଲା ।
\v 13 ଆଉ ମୋଶାଙ୍କ ଦ୍ୱାରା ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସେମାନେ ପ୍ରଥମ ଥର ଯାତ୍ରା କଲେ ।
\s5
\v 14 ପ୍ରଥମରେ ଯିହୂଦା-ସନ୍ତାନଗଣର ଛାଉଣିର ଧ୍ୱଜା ସେମାନଙ୍କ ସୈନ୍ୟାନୁସାରେ ଚଳିଲା; ପୁଣି, ଅମ୍ମୀନାଦବର ପୁତ୍ର ନହଶୋନ ସେମାନଙ୍କ ସୈନ୍ୟ ଉପରେ ଥିଲା ।
\v 15 ଆଉ ସୂୟାରର ପୁତ୍ର ନଥନେଲ, ଇଷାଖର ସନ୍ତାନଗଣର ବଂଶୀୟ ସୈନ୍ୟ ଉପରେ ଥିଲା ।
\v 16 ଆଉ ହେଲୋନର ପୁତ୍ର ଇଲୀୟାବ୍‍, ସବୂଲୂନ ସନ୍ତାନଗଣଙ୍କର ବଂଶୀୟ ସୈନ୍ୟ ଉପରେ ଥିଲା ।
\s5
\v 17 ଏଉତ୍ତାରେ ଆବାସ ଭଙ୍ଗାଯା'ନ୍ତେ, ଗେର୍ଶୋନର ସନ୍ତାନଗଣ ଓ ମରାରିର ସନ୍ତାନଗଣ ସେହି ଆବାସ ବୋହି ଅଗ୍ରସର ହେଲେ ।
\v 18 ତହୁଁ ରୁବେନ-ଛାଉଣିର ଧ୍ୱଜା ସେମାନଙ୍କ ସୈନ୍ୟାନୁସାରେ ଚଳିଲା; ପୁଣି, ଶଦେୟରର ପୁତ୍ର ଇଲୀଷୂର ସେମାନଙ୍କ ସୈନ୍ୟ ଉପରେ ଥିଲା ।
\v 19 ଆଉ ସୂରୀଶଦ୍ଦୟର ପୁତ୍ର ଶଲୁମୀୟେଲ ଶିମୀୟୋନ-ସନ୍ତାନଗଣର ବଂଶୀୟ ସୈନ୍ୟ ଉପରେ ଥିଲା ।
\v 20 ଆଉ ଦ୍ୟୁୟେଲର ପୁତ୍ର ଇଲୀୟାସଫ୍‍ ଗାଦ ସନ୍ତାନଗଣଙ୍କର ବଂଶୀୟ ସୈନ୍ୟ ଉପରେ ଥିଲା ।
\s5
\v 21 ତହିଁ ଉତ୍ତାରେ କହାତୀୟମାନେ ପବିତ୍ର ସ୍ଥାନର ଭାର ବୋହି ଅଗ୍ରସର ହେଲେ; ପୁଣି, ସେମାନେ ପହଞ୍ଚିବା ପୂର୍ବରୁ ଅନ୍ୟମାନେ ଆବାସ ସ୍ଥାପନ କରିଥିଲେ ।
\v 22 ଆଉ ଇଫ୍ରୟିମ-ସନ୍ତାନଗଣର ଛାଉଣିର ଧ୍ୱଜା ସେମାନଙ୍କ ସୈନ୍ୟାନୁସାରେ ଚଳିଲା ଓ ଅମ୍ମୀହୂଦର ପୁତ୍ର ଇଲୀଶାମା ସେମାନଙ୍କ ସୈନ୍ୟ ଉପରେ ଥିଲା ।
\v 23 ଆଉ ପଦାହସୂରର ପୁତ୍ର ଗମଲୀୟେଲ ମନଃଶି ସନ୍ତାନଗଣଙ୍କର ବଂଶୀୟ ସୈନ୍ୟ ଉପରେ ଥିଲା ।
\v 24 ପୁଣି, ଗିଦିୟୋନିର ପୁତ୍ର ଅବୀଦାନ୍‍ ବିନ୍ୟାମୀନ‌୍‌ ସନ୍ତାନଗଣର ବଂଶୀୟ ସୈନ୍ୟ ଉପରେ ଥିଲା ।
\s5
\v 25 ତହୁଁ ସମସ୍ତ ଛାଉଣିର ପଶ୍ଚାତ୍‍ ଦାନ-ସନ୍ତାନଗଣଙ୍କର ଛାଉଣିର ଧ୍ୱଜା ସେମାନଙ୍କ ସୈନ୍ୟାନୁସାରେ ଚଳିଲା ଓ ଅମ୍ମୀଶଦ୍ଦୟର ପୁତ୍ର ଅହୀୟେଷର ସେମାନଙ୍କ ସୈନ୍ୟ ଉପରେ ଥିଲା ।
\v 26 ଆଉ ଅକ୍ରଣର ପୁତ୍ର ପଗୀୟେଲ ଆଶେର ସନ୍ତାନଗଣର ବଂଶୀୟ ସୈନ୍ୟ ଉପରେ ଥିଲା ।
\v 27 ପୁଣି, ଐନନର ପୁତ୍ର ଅହୀର ନପ୍ତାଲି-ସନ୍ତାନଗଣର ବଂଶୀୟ ସୈନ୍ୟ ଉପରେ ଥିଲା ।
\v 28 ଏହିରୂପେ ଇସ୍ରାଏଲ ସନ୍ତାନଗଣଙ୍କର ଯାତ୍ରା ସେମାନଙ୍କ ସୈନ୍ୟାନୁସାରେ ହେଲା ଓ ସେମାନେ ଅଗ୍ରସର ହେଲେ ।
\s5
\v 29 ଏଥିଉତ୍ତାରେ ମୋଶା ଆପଣା ଶ୍ୱଶୁର ମିଦୀୟନୀୟ ରୁୟେଲର ପୁତ୍ର ହୋବବକୁ କହିଲେ, "ସଦାପ୍ରଭୁ ଯେଉଁ ସ୍ଥାନ ବିଷୟରେ କହିଅଛନ୍ତି, ଆମ୍ଭେ ତାହା ତୁମ୍ଭମାନଙ୍କୁ ଦେବା, ସେହି ସ୍ଥାନକୁ ଆମ୍ଭେମାନେ ଯାତ୍ରା କରୁଅଛୁ; ତୁମ୍ଭେ ଆମ୍ଭମାନଙ୍କ ସଙ୍ଗରେ ଆସ, ତହିଁରେ ଆମ୍ଭେମାନେ ତୁମ୍ଭର ମଙ୍ଗଳ କରିବା; କାରଣ ସଦାପ୍ରଭୁ ଇସ୍ରାଏଲ ବିଷୟରେ ମଙ୍ଗଳ-କଥା କହିଅଛନ୍ତି ।"
\v 30 ତହୁଁ ସେ କହିଲା, "ମୁଁ ଯିବି ନାହିଁ; ମାତ୍ର ମୁଁ ଆପଣା ନିଜ ଦେଶକୁ ଓ ଆପଣା ଜ୍ଞାତିମାନଙ୍କ ନିକଟକୁ ପ୍ରସ୍ଥାନ କରିବି ।"
\s5
\v 31 ତେବେ ମୋଶା କହିଲେ, "ବିନୟ କରୁଅଛି, ତୁମ୍ଭେ, ଆମ୍ଭମାନଙ୍କୁ ଛାଡ଼ି ଯାଅ ନାହିଁ; କାରଣ ପ୍ରାନ୍ତର ମଧ୍ୟରେ କିପ୍ରକାରେ ଆମ୍ଭମାନଙ୍କର ଛାଉଣି ସ୍ଥାପନ କରିବାକୁ ହେବ, ତାହା ତୁମ୍ଭେ ଜାଣ, ଏହେତୁ ତୁମ୍ଭେ ଆମ୍ଭମାନଙ୍କ ଚକ୍ଷୁର ବଦଳେ ହେବ ।
\v 32 ଆଉ ତୁମ୍ଭେ ଆମ୍ଭମାନଙ୍କ ସଙ୍ଗେ ଗଲେ ଏହା ହେବ, ନିଶ୍ଚୟ ଏହା ହେବ ଯେ, ସଦାପ୍ରଭୁ ଆମ୍ଭମାନଙ୍କ ପ୍ରତି ଯେକୌଣସି ମଙ୍ଗଳ କରିବେ, ତାହା ଆମ୍ଭେମାନେ ତୁମ୍ଭ ପ୍ରତି କରିବୁ ।
\s5
\v 33 ଏଉତ୍ତାରେ ସେମାନେ ସଦାପ୍ରଭୁଙ୍କ ପର୍ବତରୁ ତିନି ଦିନର ପଥ ଗଲେ, ପୁଣି, ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ସେମାନଙ୍କ ନିମନ୍ତେ ବିଶ୍ରାମ ସ୍ଥାନ ଅନ୍ୱେଷଣ କରିବା ପାଇଁ ସେମାନଙ୍କ ଆଗରେ ତିନି ଦିନର ପଥ ଗଲା ।
\v 34 ପୁଣି, ସେମାନେ ଛାଉଣିରୁ ଯାତ୍ରା କରିବା ସମୟରେ ସଦାପ୍ରଭୁଙ୍କ ମେଘ ଦିବସରେ ସେମାନଙ୍କ ଉପରେ ରହିଲା ।
\s5
\v 35 ପୁଣି, ସିନ୍ଦୁକ ଅଗ୍ରସର ହେବା ସମୟରେ ମୋଶା କହନ୍ତି, "ସଦାପ୍ରଭୁ, ଉଠ, ପୁଣି, ତୁମ୍ଭର ଶତ୍ରୁମାନେ ଛିନ୍ନଭିନ୍ନ ହେଉନ୍ତୁ ଓ ଯେଉଁମାନେ ତୁମ୍ଭକୁ ଘୃଣା କରନ୍ତି, ସେମାନେ ତୁମ୍ଭ ସମ୍ମୁଖରୁ ପଳାୟନ କରନ୍ତୁ ।
\v 36 ଆଉ ତାହା ବିଶ୍ରାମ କରିବା ସମୟରେ ସେ କହନ୍ତି, "ସଦାପ୍ରଭୁ, ତୁମ୍ଭେ ଇସ୍ରାଏଲର ଅୟୁତ ଅୟୁତ ସହସ୍ର ପ୍ରତି ଫେର ।"
\s5
\c 11
\s ଲୋକମାନଙ୍କ ବଚସା
\p
\v 1 ଏଥିଉତ୍ତାରେ ଲୋକମାନେ ସଦାପ୍ରଭୁଙ୍କ କର୍ଣ୍ଣ-ଗୋଚରରେ ମନ୍ଦ କଥା କହି ବଚସାକାରୀ ଲୋକମାନଙ୍କ ତୁଲ୍ୟ ହେଲେ; ପୁଣି, ସଦାପ୍ରଭୁ ତାହା ଶୁଣନ୍ତେ, ତାହାଙ୍କର କ୍ରୋଧ ପ୍ରଜ୍ୱଳିତ ହେଲା; ତହିଁରେ ସଦାପ୍ରଭୁଙ୍କର ଅଗ୍ନି ସେମାନଙ୍କ ମଧ୍ୟରେ ପ୍ରଜ୍ୱଳିତ ହୋଇ ଛାଉଣିର ପ୍ରାନ୍ତ ଭାଗ ଗ୍ରାସ କଲା ।
\v 2 ଏନିମନ୍ତେ ଲୋକମାନେ ମୋଶାଙ୍କ ନିକଟରେ କ୍ରନ୍ଦନ କଲେ; ତହୁଁ ମୋଶା ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରନ୍ତେ, ସେହି ଅଗ୍ନି ଲିଭିଗଲା ।
\v 3 ତେଣୁ ସେହି ସ୍ଥାନର ନାମ ତବୀୟେରା (ଦହନ) ହେଲା, କାରଣ ସଦାପ୍ରଭୁଙ୍କ ଅଗ୍ନି ସେମାନଙ୍କ ମଧ୍ୟରେ ଦହନ କଲା ।
\s5
\v 4 ଏଥିଉତ୍ତାରେ ସେମାନଙ୍କ ମଧ୍ୟବର୍ତ୍ତୀ ମିଶ୍ରିତ ଲୋକମାନଙ୍କର ଜନତା ଲୋଭାକ୍ରାନ୍ତ ହେବାକୁ ଲାଗିଲେ; ପୁଣି, ଇସ୍ରାଏଲ-ସନ୍ତାନଗଣ ମଧ୍ୟ ପୁନର୍ବାର ରୋଦନ କରି କହିଲେ, "କିଏ ଆମ୍ଭମାନଙ୍କୁ ମାଂସ ଖାଇବାକୁ ଦେବ ?
\v 5 ଆମ୍ଭେମାନେ ମିସର ଦେଶରେ ବିନାମୂଲ୍ୟରେ ଯେଉଁ ମାଛ ଖାଉଥିଲୁ, ତାହା ମନରେ ପଡ଼େ; ସେ କାକୁଡ଼ି, ସେ ଖରଭୁଜ, ସେ ପରୁ, ସେ ପିଆଜ ଓ ରସୁଣ (ମନରେ ପଡ଼େ);
\v 6 ମାତ୍ର ଏବେ ଆମ୍ଭମାନଙ୍କର ପ୍ରାଣ ଶୁଷ୍କ ହେଉଅଛି; ଏଠି କିଛି ନାହିଁ; ଏହି ମାନ୍ନା ବ୍ୟତୀତ ଆଉ ଦେଖିବାକୁ କିଛି ନାହିଁ ।"
\s5
\v 7 ଆଉ ସେହି ମାନ୍ନା ଧଣିଆ ପରି ଓ ତହିଁର ଦୃଶ୍ୟ ମୁକ୍ତା ସଦୃଶ ।
\v 8 ଲୋକମାନେ ଏଣେତେଣେ ଭ୍ରମଣ କରି ତାହା ସାଉଣ୍ଟିଲେ ଓ ଚକିରେ ତାହା ପେଷିଲେ, ଅବା କୁଟଣୀରେ ତାହା ଚୂର୍ଣ୍ଣ କରି କହ୍ରାଇରେ ସିଝେଇ କରି ପିଠା ପ୍ରସ୍ତୁତ କଲେ; ଆଉ ତୈଳପକ୍ୱ ପିଠା ପରି ତହିଁର ସ୍ୱାଦ ଥିଲା ।
\s5
\v 9 ରାତ୍ରିରେ ଛାଉଣି ଉପରେ କାକର ପଡ଼ିଲା ସମୟରେ ସେହି ମାନ୍ନା ତହିଁ ସଙ୍ଗରେ ପଡ଼ିଲା ।
\v 10 ଏଉତ୍ତାରେ ଲୋକମାନେ ସମୁଦାୟ ପରିବାର ସହିତ, ପ୍ରତ୍ୟେକ ଲୋକ ଆପଣା ତମ୍ବୁ ଦ୍ୱାର ନିକଟରେ ରୋଦନ କରିବାର ମୋଶା ଶୁଣିଲେ; ତହିଁରେ ସଦାପ୍ରଭୁଙ୍କର କ୍ରୋଧ ଅତିଶୟ ପ୍ରଜ୍ୱଳିତ ହେଲା; ପୁଣି, ମୋଶା ମଧ୍ୟ ଅସନ୍ତୁଷ୍ଟ ହେଲେ ।
\s5
\v 11 ତହୁଁ ମୋଶା ସଦାପ୍ରଭୁଙ୍କୁ କହିଲେ, "ତୁମ୍ଭେ କିହେତୁ ଆପଣା ଦାସ ପ୍ରତି ଅନିଷ୍ଟ ବ୍ୟବହାର କରିଅଛ ? ଓ କିହେତୁ ମୁଁ ତୁମ୍ଭ ଦୃଷ୍ଟିରେ ଅନୁଗ୍ରହ ପାଇନାହିଁ, ଯେ ତୁମ୍ଭେ ମୋ' ଉପରେ ଏହି ସମସ୍ତ ଲୋକଙ୍କ ଭାର ଦେଉଅଛ ?
\v 12 ମୁଁ କ'ଣ ଏହି ସମସ୍ତ ଲୋକଙ୍କୁ ଗର୍ଭରେ ଧାରଣ କରିଅଛି ? ମୁଁ କ'ଣ ସେମାନଙ୍କୁ ଜନ୍ମ କରିଅଛି ଯେ, ତୁମ୍ଭେ ସେମାନଙ୍କ ପୂର୍ବପୁରୁଷମାନଙ୍କ ନିକଟରେ ଯେଉଁ ଦେଶ ବିଷୟରେ ଶପଥ କରିଥିଲ, ସେହି ଦେଶ ପର୍ଯ୍ୟନ୍ତ ଦୁଗ୍ଧପୋଷ୍ୟ ଶିଶୁ-ପାଳନକାରୀ ପିତା ତୁଲ୍ୟ ସେମାନଙ୍କୁ କୋଳରେ ବହି ଘେନି ଯିବା ପାଇଁ ମୋତେ କହୁଅଛ ?
\s5
\v 13 ମୁଁ ଏହି ସମସ୍ତ ଲୋକଙ୍କୁ ଦେବା ପାଇଁ ମାଂସ କେଉଁଠାରୁ ପାଇବି ? କାରଣ ସେମାନେ ମୋ' ନିକଟରେ କାନ୍ଦି କହୁଅଛନ୍ତି, ଆମ୍ଭମାନଙ୍କୁ ମାଂସ ଦିଅ, ଆମ୍ଭେମାନେ ଖାଇବା ।
\v 14 ମୁଁ ଏକାକୀ ଏତେ ଲୋକଙ୍କର ଭାର ବହି ନ ପାରେ, କାରଣ ଏହା ମୋ' ପାଇଁ ଅସହ୍ୟ ଅଟେ ।
\v 15 ଆଉ ଯଦି ତୁମ୍ଭେ ମୋ'ପ୍ରତି ଏପରି ବ୍ୟବହାର କର, ତେବେ ବିନୟ କରୁଅଛି, ମୁଁ ତୁମ୍ଭ ଦୃଷ୍ଟିରେ ଅନୁଗ୍ରହପାତ୍ର ହୋଇଥିଲେ, ସେହି କ୍ଷଣି ମୋତେ ମାରି ପକାଅ; ପୁଣି, ମୋତେ ଆପଣା ଦୁର୍ଗତି ଦେଖିବାକୁ ଦିଅ ନାହିଁ ।"
\s ମୋଶାଙ୍କ ସାହାଯ୍ୟାର୍ଥେ ପ୍ରାଚୀନ ନିଯୁକ୍ତି
\p
\s5
\v 16 ସେତେବେଳେ ସଦାପ୍ରଭୁ ମୋଶାଙ୍କୁ କହିଲେ, "ତୁମ୍ଭେ ଯେଉଁମାନଙ୍କୁ ଲୋକମାନଙ୍କର ପ୍ରାଚୀନ ଓ ଅଧିପତି ବୋଲି ଜାଣୁଅଛ, ଇସ୍ରାଏଲର ଏପରି ସତୁରି ଜଣ ପ୍ରାଚୀନ ଲୋକଙ୍କୁ ଆମ୍ଭ ନିକଟରେ ଏକତ୍ର କର; ପୁଣି, ସେମାନଙ୍କୁ ସମାଗମ-ତମ୍ବୁ ଦ୍ୱାର ନିକଟକୁ ଆଣ, ସେମାନେ ତୁମ୍ଭ ସଙ୍ଗେ ସେଠାରେ ଠିଆ ହେବେ ।
\v 17 ତହିଁରେ ଆମ୍ଭେ ସେହି ସ୍ଥାନକୁ ଓହ୍ଲାଇ ଆସି ତୁମ୍ଭ ସଙ୍ଗେ କଥା କହିବା ଓ ତୁମ୍ଭଠାରେ ଯେଉଁ ଆତ୍ମା ଅଛି, ତହିଁରୁ ନେଇ ସେମାନଙ୍କୁ ଦେବା; ତହିଁରେ ତୁମ୍ଭେ ଯେପରି ଏକାକୀ ଲୋକମାନଙ୍କର ଭାର ନ ବହିବ, ଏଥିପାଇଁ ସେମାନେ ତୁମ୍ଭ ସହିତ ଲୋକମାନଙ୍କର ଭାର ବହିବେ ।
\s5
\v 18 ପୁଣି, ତୁମ୍ଭେ ଲୋକମାନଙ୍କୁ କୁହ, ତୁମ୍ଭେମାନେ କାଲି ପାଇଁ ଆପଣା ଆପଣାକୁ ପବିତ୍ର କର, ଆଉ ତୁମ୍ଭେମାନେ ମାଂସ ଖାଇବ; କାରଣ ତୁମ୍ଭେମାନେ ସଦାପ୍ରଭୁଙ୍କ କର୍ଣ୍ଣଗୋଚରରେ କ୍ରନ୍ଦନ କରି କହିଅଛ, କିଏ ଆମ୍ଭମାନଙ୍କୁ ମାଂସ ଖାଇବାକୁ ଦେବ ? ବରଞ୍ଚ ମିସର ଦେଶରେ ଆମ୍ଭମାନଙ୍କର ମଙ୍ଗଳ ଥିଲା; ଏନିମନ୍ତେ ସଦାପ୍ରଭୁ ତୁମ୍ଭମାନଙ୍କୁ ମାଂସ ଦେବେ, ତୁମ୍ଭେମାନେ ତାହା ଖାଇବ ।
\v 19 ତୁମ୍ଭେମାନେ ଦିନେ କିମ୍ବା ଦୁଇ ଦିନ କିମ୍ବା ପାଞ୍ଚ ଦିନ କିମ୍ବା ଦଶ ଦିନ କିମ୍ବା କୋଡ଼ିଏ ଦିନ ଖାଇବ, ତାହା ନୁହେଁ;
\v 20 ମାତ୍ର ସମ୍ପୂର୍ଣ୍ଣ ଏକ ମାସ, ଯେପର୍ଯ୍ୟନ୍ତ ତାହା ତୁମ୍ଭମାନଙ୍କ ନାସିକାରୁ ନିର୍ଗତ ଓ ତୁମ୍ଭମାନଙ୍କର ଘୃଣାଯୋଗ୍ୟ ନ ହୁଏ, ସେପର୍ଯ୍ୟନ୍ତ ଖାଇବ; କାରଣ ତୁମ୍ଭେମାନେ ଆପଣାମାନଙ୍କ ମଧ୍ୟବର୍ତ୍ତୀ ସଦାପ୍ରଭୁଙ୍କୁ ଅଗ୍ରାହ୍ୟ କରି ତାହାଙ୍କ ସମ୍ମୁଖରେ କ୍ରନ୍ଦନ କରି କହିଅଛ, ଆମ୍ଭେମାନେ କାହିଁକି ମିସରରୁ ବାହାରି ଆସିଲୁ ।
\s5
\v 21 ତେବେ ମୋଶା କହିଲେ, "ମୁଁ ଯେଉଁ ଲୋକମାନଙ୍କ ମଧ୍ୟରେ ଅଛି, ସେମାନେ ଛଅ ଲକ୍ଷ ପଦାତିକ; ତଥାପି ତୁମ୍ଭେ କହୁଅଛ, ଆମ୍ଭେ ସେମାନଙ୍କୁ ମାଂସ ଦେବା, ସେମାନେ ତାହା ସମ୍ପୂର୍ଣ୍ଣ ଏକ ମାସ ଖାଇବେ ।
\v 22 ସେମାନଙ୍କୁ ଅଣ୍ଟିବା ଭଳି କ'ଣ ପଲ ପଲ ଗୋମେଷ ବଧ କରାଯିବ ? ଅବା ସେମାନଙ୍କୁ ଅଣ୍ଟିବା ଭଳି ସମୁଦ୍ରର ସବୁ ମାଛ କ'ଣ ଏକତ୍ର କରାଯିବ ?
\v 23 ତହିଁରେ ସଦାପ୍ରଭୁ ମୋଶାଙ୍କୁ କହିଲେ, "ସଦାପ୍ରଭୁଙ୍କର ହସ୍ତ କି ସଙ୍କୁଚିତ ହୋଇଅଛି ? ତୁମ୍ଭ ପ୍ରତି ଆମ୍ଭର ବାକ୍ୟ ସଫଳ ହେବ କି ନାହିଁ, ତୁମ୍ଭେ ଏବେ ତାହା ଦେଖିବ ।"
\s5
\v 24 ଏଥିରେ ମୋଶା ବାହାରକୁ ଯାଇ ଲୋକମାନଙ୍କୁ ସଦାପ୍ରଭୁଙ୍କର କଥା କହିଲେ, ପୁଣି, ସେ ଲୋକମାନଙ୍କର ପ୍ରାଚୀନବର୍ଗ ମଧ୍ୟରୁ ସତୁରି ଜଣଙ୍କୁ ଏକତ୍ର କରି ତମ୍ବୁର ଚତୁର୍ଦ୍ଦିଗରେ ରଖିଲେ ।
\v 25 ତହିଁରେ ସଦାପ୍ରଭୁ ମେଘରେ ଓହ୍ଲାଇ ତାଙ୍କ ସହିତ କଥା କହିଲେ, ଆଉ ଯେଉଁ ଆତ୍ମା ତାଙ୍କଠାରେ ଥିଲା, ତହିଁରୁ ନେଇ ସତୁରି ପ୍ରାଚୀନଙ୍କୁ ଦେଲେ; ପୁଣି, ସେହି ଆତ୍ମା ସେମାନଙ୍କ ଉପରେ ଅବସ୍ଥାନ କରନ୍ତେ, ସେମାନେ ଭବିଷ୍ୟତ୍ କଥା ପ୍ରଚାର କଲେ, ମାତ୍ର ତହିଁ ଉତ୍ତାରେ ଆଉ କଲେ ନାହିଁ ।
\s5
\v 26 ମାତ୍ର ଛାଉଣି ମଧ୍ୟରେ ଦୁଇ ଜଣ ଅବଶିଷ୍ଟ ରହିଲେ, ଜଣକର ନାମ ଇଲଦଦ୍‍ ଓ ଅନ୍ୟର ନାମ ମେଦଦ୍‍; ସେମାନଙ୍କ ଉପରେ ସେହି ଆତ୍ମା ଅବସ୍ଥିତି କଲା; ସେମାନେ ସେହି ଲିଖିତ ଲୋକମାନଙ୍କ ମଧ୍ୟରେ ଥିଲେ, ମାତ୍ର ବାହାର ହୋଇ ତମ୍ବୁ ନିକଟକୁ ଯାଇ ନ ଥିଲେ; ସେମାନେ ଛାଉଣି ମଧ୍ୟରେ ଥାଇ ଭବିଷ୍ୟତ୍ କଥା ପ୍ରଚାର କଲେ ।
\v 27 ତହୁଁ ଜଣେ ଯୁବା ଦୌଡ଼ି ଯାଇ ମୋଶାଙ୍କୁ କହିଲା, ଇଲଦଦ୍‍ ଓ ମେଦଦ୍‍ ଛାଉଣି ମଧ୍ୟରେ ଭବିଷ୍ୟତ କଥା ପ୍ରଚାର କରୁଅଛନ୍ତି ।
\s5
\v 28 ତହିଁରେ (ନୂନର ପୁତ୍ର ଯିହୋଶୂୟ ନାମକ) ମୋଶାଙ୍କର ଜଣେ ମନୋନୀତ ପରିଚାରକ ମୋଶାଙ୍କୁ କହିଲେ, "ହେ ମୋହର ପ୍ରଭୁ ମୋଶା, ସେମାନଙ୍କୁ ନିଷେଧ କରନ୍ତୁ ।"
\v 29 ତେବେ ମୋଶା କହିଲେ, "ତୁମ୍ଭେ ମୋ' ସକାଶୁ କ'ଣ ଈର୍ଷା କରୁଅଛ ? ପରମେଶ୍ୱର କରନ୍ତୁ, ସଦାପ୍ରଭୁଙ୍କର ସମସ୍ତ ଲୋକ ଭବିଷ୍ୟଦ୍‍-ବକ୍ତା ହୁଅନ୍ତୁ ଓ ସଦାପ୍ରଭୁ ସେମାନଙ୍କ ଉପରେ ଆପଣା ଆତ୍ମା ଦିଅନ୍ତୁ !"
\v 30 ଏଉତ୍ତାରେ ମୋଶା ଓ ଇସ୍ରାଏଲର ପ୍ରାଚୀନଗଣ ଛାଉଣିକୁ ଗମନ କଲେ ।
\s ଭାଟୋଇ ପକ୍ଷୀ ଓ ମହାମାରୀ
\p
\s5
\v 31 ଏଥିଉତ୍ତାରେ ସଦାପ୍ରଭୁଙ୍କ ନିକଟରୁ ବାୟୁ ବହିଲା ଓ ତାହା ସମୁଦ୍ରରୁ ଭାଟୋଇ ପକ୍ଷୀ ଆଣିଲା, ପୁଣି, ଛାଉଣିର ଚତୁର୍ଦ୍ଦିଗରେ ଏପାଖେ ଦିନକର ପଥ ଓ ସେପାଖେ ଦିନକର ପଥ ପର୍ଯ୍ୟନ୍ତ ସେମାନଙ୍କୁ ଭୂମିଠାରୁ ପ୍ରାୟ ଦୁଇ ହସ୍ତ ଉର୍ଦ୍ଧ୍ୱରେ ପକାଇଲା ।
\v 32 ତହିଁରେ ଲୋକମାନେ ଛିଡ଼ା ହୋଇ ସେହି ସମସ୍ତ ଦିବାରାତ୍ର ଓ ପରଦିନ ସମସ୍ତ ଦିବସ ସେହି ଭାଟୋଇ ପକ୍ଷୀ ସଂଗ୍ରହ କଲେ; କେହି ଦଶ ହୋମରରୁ ଊଣା ସଂଗ୍ରହ କଲା ନାହିଁ; ଆଉ ସେମାନେ ଆପଣାମାନଙ୍କ ନିମନ୍ତେ ଛାଉଣିର ଚାରିଆଡ଼େ ତାହା ବିଛାଇ ରଖିଲେ ।
\s5
\v 33 ମାତ୍ର ସେମାନଙ୍କ ଦନ୍ତ ମଧ୍ୟରେ ମାଂସ ଥାଉ ଥାଉ, ଚୋବାଇଲା ପୂର୍ବେ, ଲୋକମାନଙ୍କ ବିରୁଦ୍ଧରେ ସଦାପ୍ରଭୁଙ୍କ କ୍ରୋଧ ପ୍ରଜ୍ୱଳିତ ହେଲା, ତହିଁରେ ସଦାପ୍ରଭୁ ଲୋକମାନଙ୍କୁ ଅତି ମହାମାରୀରେ ସଂହାର କଲେ ।
\v 34 ତହିଁରେ ସେହି ସ୍ଥାନର ନାମ କିବ୍ରୋତ୍‍-ହତ୍ତାବା (ଲୋଭ ହେତୁ କବର) ହେଲା; ଯେହେତୁ ସେମାନେ ସେହି ସ୍ଥାନରେ ଲୋକମାନଙ୍କୁ କବର ଦେଲେ ।
\v 35 ଲୋକମାନେ କିବ୍ରୋତ୍‍-ହତ୍ତାବାଠାରୁ ହତ୍‍ସେରୋତକୁ ଯାତ୍ରା କରି ସେହିଠାରେ ରହିଲେ ।
\s5
\c 12
\s ହାରୋଣ ଓ ମରୀୟମଙ୍କ ମୋଶାଙ୍କୁ ବିରୋଧ
\p
\v 1 ମୋଶା ଏକ କୂଶୀୟା ସ୍ତ୍ରୀକୁୁ ବିବାହ କରିଥିଲେ, ଏଣୁ ମରୀୟମ ଓ ହାରୋଣ ସେହି କୂଶୀୟା ସ୍ତ୍ରୀ ସକାଶୁ ମୋଶାଙ୍କ ବିରୁଦ୍ଧରେ କଥା କହିଲେ ।
\v 2 ସେମାନେ କହିଲେ, "ସଦାପ୍ରଭୁ କି କେବଳ ମୋଶାଙ୍କ ସହିତ କଥା କହିଅଛନ୍ତି ? ସେ କି ଆମ୍ଭମାନଙ୍କ ସହିତ ମଧ୍ୟ କଥା କହି ନାହାନ୍ତି ? ମାତ୍ର ଏକଥା ସଦାପ୍ରଭୁ ଶୁଣିଲେ ।
\v 3 ମୋଶା ପୃଥିବୀସ୍ଥ ସମସ୍ତ ଲୋକଙ୍କଠାରୁ ଅତି ନମ୍ର ଲୋକ ଥିଲେ ।
\s5
\v 4 ଏଥିଉତ୍ତାରେ ସଦାପ୍ରଭୁ ଅକସ୍ମାତ୍‍ ମୋଶାଙ୍କୁ ଓ ହାରୋଣଙ୍କୁ ଓ ମରୀୟମକୁ କହିଲେ, "ତୁମ୍ଭେ ତିନି ଜଣ ବାହାର ହୋଇ ସମାଗମ-ତମ୍ବୁ ନିକଟକୁ ଆସ" ତହିଁରେ ସେ ତିନି ଜଣ ବାହାର ହୋଇ ଆସିଲେ;
\v 5 ସେତେବେଳେ ସଦାପ୍ରଭୁ ମେଘ ସ୍ତମ୍ଭରେ ଓହ୍ଲାଇ ତମ୍ବୁ ଦ୍ୱାରରେ ଛିଡ଼ା ହୋଇ ହାରୋଣ ଓ ମରୀୟମଙ୍କୁ ଡାକିଲେ; ତହୁଁ ସେମାନେ ଦୁହେଁ ବାହାର ହୋଇ ଆସିଲେ ।
\s5
\v 6 ତେବେ ସେ କହିଲେ, "ଆମ୍ଭର ବାକ୍ୟ ଶୁଣ; ଯଦି ତୁମ୍ଭମାନଙ୍କ ମଧ୍ୟରେ କେହି ଭବିଷ୍ୟଦ୍‍ବକ୍ତା ଥାଏ, ତେବେ ଆମ୍ଭେ ସଦାପ୍ରଭୁ କୌଣସି ଦର୍ଶନ ଦ୍ୱାରା ତାହା ପ୍ରତି ଆପଣାକୁ ପ୍ରକାଶ କରିବା, ଆମ୍ଭେ ସ୍ୱପ୍ନ ଦ୍ୱାରା ତାହା ସହିତ କଥା କହିବା ।
\v 7 ଆମ୍ଭର ସେବକ ମୋଶା ତଦ୍ରୂପ ନୁହେଁ; ସେ ଆମ୍ଭର ସମସ୍ତ ଗୃହ ମଧ୍ୟରେ ବିଶ୍ୱାସପାତ୍ର ଅଟେ ।
\v 8 ଆମ୍ଭେ ତାହା ସହିତ ଗୂଢ଼ ବାକ୍ୟରେ ନୁହେଁ, ମାତ୍ର ମୁଖାମୁଖୀ ହୋଇ ପ୍ରକାଶ୍ୟ ରୂପେ କଥା କହିବା ଓ ସେ ସଦାପ୍ରଭୁଙ୍କର ଆକାର ଦର୍ଶନ କରିବ; ଏହେତୁ ତୁମ୍ଭେମାନେ ଆମ୍ଭ ସେବକ ମୋଶାଙ୍କ ବିରୁଦ୍ଧରେ କଥା କହିବାକୁ କାହିଁକି ଭୀତ ହେଲ ନାହିଁ ?"
\s5
\v 9 ଏହିରୂପେ ସେମାନଙ୍କ ପ୍ରତି ସଦାପ୍ରଭୁଙ୍କ କ୍ରୋଧ ପ୍ରଜ୍ୱଳିତ ହେଲା; ତହୁଁ ସେ ପ୍ରସ୍ଥାନ କଲେ ।
\v 10 ପୁଣି, ତମ୍ବୁ ଉପରୁ ମେଘ ସ୍ଥାନାନ୍ତରିତ ହେଲା ଆଉ ଦେଖ, ମରୀୟମ କୁଷ୍ଠଗ୍ରସ୍ତା, ହିମ ତୁଲ୍ୟ ଶ୍ୱେତ; ପୁଣି, ହାରୋଣ ମରୀୟମଙ୍କୁ ଅନାନ୍ତେ, ଦେଖ, ସେ କୁଷ୍ଠଗ୍ରସ୍ତ ।
\s5
\v 11 ତହିଁରେ ହାରୋଣ ମୋଶାଙ୍କୁ କହିଲେ, "ହେ ମୋହର ପ୍ରଭୁ, ଆମ୍ଭେମାନେ ମୂର୍ଖତାର କର୍ମ କରିଅଛୁ ଓ ଆମ୍ଭେମାନେ ପାପ କରିଅଛୁ, ଏହେତୁ ବିନୟ କରୁଅଛି, ଆମ୍ଭମାନଙ୍କ ଉପରେ ସେହି ପାପ ଥୁଅ ନାହିଁ ।"
\v 12 ମାତାର ଗର୍ଭରୁ ନିର୍ଗତ ହେଲା ସମୟରେ ଯାହାର ମାଂସ ଅର୍ଦ୍ଧନଷ୍ଟ, ଏପରି ମୃତ ଲୋକ ତୁଲ୍ୟ ସେ ନ ହେଉ ।
\s5
\v 13 ତହିଁରେ ମୋଶା ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରି କହିଲେ, "ହେ ପରମେଶ୍ୱର, ବିନୟ କରୁଅଛି, ତାହାକୁ ସୁସ୍ଥ କର ।"
\v 14 ଏଥିରେ ସଦାପ୍ରଭୁ ମୋଶାଙ୍କୁ କହିଲେ, "ଯଦି ତାହାର ପିତା ତାହାର ମୁଖରେ କେବଳ ଛେପ ପକାଇଥା'ନ୍ତା, ତେବେ ସେ କି ସାତ ଦିନ ଲଜ୍ଜିତା ହୁଅନ୍ତା ନାହିଁ ? ସେ ସାତ ଦିନ ପର୍ଯ୍ୟନ୍ତ ଛାଉଣି ବାହାରେ ରୁଦ୍ଧା ହୋଇ ରହୁ; ତହିଁ ଉତ୍ତାରେ ସେ ଭିତରକୁ ଅଣାଯିବ ।"
\v 15 ତହୁଁ ମରୀୟମ ସାତ ଦିନ ଛାଉଣିର ବାହାରେ ରୁଦ୍ଧା ହେଲା, ଆଉ ମରୀୟମ ପୁନର୍ବାର ଭିତରକୁ ଅଣା ନ ଯିବାଯାଏ ଲୋକମାନେ ଯାତ୍ରା କଲେ ନାହିଁ ।
\s5
\v 16 ତହିଁ ଉତ୍ତାରେ ଲୋକମାନେ ହତ୍‍ସେରୋତଠାରୁ ଯାତ୍ରା କରି ପାରଣ ପର୍ବତରେ ଛାଉଣି ସ୍ଥାପନ କଲେ ।
\s5
\c 13
\s କିଣାନକୁ ଦୂତ ପ୍ରେରଣ
\p
\v 1 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
\v 2 "ଆମ୍ଭେ ଇସ୍ରାଏଲ-ସନ୍ତାନଗଣଙ୍କୁ ଯେଉଁ କିଣାନ ଦେଶ ଦେବା, ତାହା ଅନୁସନ୍ଧାନ କରିବାକୁ ତୁମ୍ଭେ ଲୋକ ପଠାଅ, ସେମାନଙ୍କର ପ୍ରତ୍ୟେକ ପିତୃବଂଶ ମଧ୍ୟରେ ଯେଉଁମାନେ ଅଧିପତି, ସେମାନଙ୍କୁ ପଠାଅ ।"
\s5
\v 3 ତହିଁରେ ମୋଶା ସଦାପ୍ରଭୁଙ୍କ ଆଜ୍ଞାନୁସାରେ ପାରଣ ପ୍ରାନ୍ତରରୁ ସେମାନଙ୍କୁ ପଠାଇଲେ; ସେହି ଲୋକ ସମସ୍ତେ ଇସ୍ରାଏଲ-ସନ୍ତାନଗଣର ପ୍ରଧାନ ଥିଲେ ।
\v 4 ସେମାନଙ୍କର ନାମ ଏହି-ରୁବେନ ବଂଶ ମଧ୍ୟରୁ ସକ୍ତୁରର ପୁତ୍ର ଶମ୍ମୂୟ;
\s5
\v 5 ଶିମୀୟୋନ ବଂଶ ମଧ୍ୟରୁ ହୋରିର ପୁତ୍ର ଶାଫଟ;
\v 6 ଯିହୂଦା ବଂଶ ମଧ୍ୟରୁ ଯିଫୁନ୍ନିର ପୁତ୍ର କାଲେବ;
\v 7 ଇଷାଖର ବଂଶ ମଧ୍ୟରୁ ଯୋଷେଫର ପୁତ୍ର ଯିଗାଲ;
\v 8 ଇଫ୍ରୟିମ ବଂଶ ମଧ୍ୟରୁ ନୂନର ପୁତ୍ର ହୋଶେୟ;
\s5
\v 9 ବିନ୍ୟାମୀନ୍ ବଂଶ ମଧ୍ୟରୁ ରାଫୂର ପୁତ୍ର ପଲ୍‍ଟି;
\v 10 ସବୂଲୂନ ବଂଶ ମଧ୍ୟରୁ ସୋଦିର ପୁତ୍ର ଗଦ୍ଦୀୟେଲ;
\v 11 ଯୋଷେଫ ବଂଶ ମଧ୍ୟରୁ, ଅର୍ଥାତ୍‍, ମନଃଶି ବଂଶ ମଧ୍ୟରୁ ସୂଷିର ପୁତ୍ର ଗଦ୍ଦି;
\v 12 ଦାନ ବଂଶ ମଧ୍ୟରୁ ଗମଲ୍ଲୀର ପୁତ୍ର ଅମ୍ମୀୟେଲ;
\s5
\v 13 ଆଶେର ବଂଶ ମଧ୍ୟରୁ ମୀଖାୟେଲର ପୁତ୍ର ସଥୁର;
\v 14 ନପ୍ତାଲି ବଂଶ ମଧ୍ୟରୁ ବପ୍‍ସିର ପୁତ୍ର ନହବି;
\v 15 ଗାଦ ବଂଶ ମଧ୍ୟରୁ ମାଖିର ପୁତ୍ର ଗୂୟେଲ ।
\v 16 ମୋଶା ଯେଉଁ ଲୋକମାନଙ୍କୁ ଦେଶ ଅନୁସନ୍ଧାନ କରିବାକୁ ପଠାଇଥିଲେ, ସେମାନଙ୍କର ନାମ ଏହି, ଆଉ ମୋଶା, ନୂନର ପୁତ୍ର ହୋଶେୟଙ୍କୁ ଯିହୋଶୂୟ ନାମ ଦେଲେ ।
\s5
\v 17 ଆଉ ମୋଶା ଏମାନଙ୍କୁ କିଣାନ ଦେଶ ଅନୁସନ୍ଧାନ କରିବାକୁ ପଠାଇ କହିଲେ, "ତୁମ୍ଭେମାନେ ଏହି ଦକ୍ଷିଣ ଦିଗ ଦେଇ ପର୍ବତ ଆରୋହଣ କର;
\v 18 ପୁଣି, ସେହି ଦେଶ କିପରି ଓ ତହିଁରେ ବାସକାରୀ ଲୋକମାନେ ବଳବାନ୍ କି ଦୁର୍ବଳ ଓ ଅଳ୍ପ କି ଅନେକ;
\v 19 ପୁଣି, ସେମାନେ ଯେଉଁ ଦେଶରେ ବାସ କରନ୍ତି, ତାହା ଭଲ କି ମନ୍ଦ ଓ ଯେଉଁ ଯେଉଁ ନଗରରେ ବାସ କରନ୍ତି, ତାହା କି ପ୍ରକାର; ସେମାନେ ତମ୍ବୁରେ କି ଗଡ଼ରେ, କାହିଁରେ ବାସ କରନ୍ତି;
\v 20 ପୁଣି, ସେହି ଭୂମି କି ପ୍ରକାର, ଉର୍ବର କି ଅନୁର୍ବର, ତହିଁ ମଧ୍ୟରେ ବୃକ୍ଷ ଅଛି କି ନାହିଁ, ତାହା ଦେଖ । ଆଉ ତୁମ୍ଭେମାନେ ସାହସୀ ହୋଇ ସେହି ଦେଶର ଫଳରୁ କିଛି ସଙ୍ଗରେ ଆଣ । ସେହି ସମୟରେ ପ୍ରଥମ ପକ୍ୱ ଦ୍ରାକ୍ଷାଫଳର ସମୟ ଥିଲା ।
\s5
\v 21 ଏଣୁ ସେମାନେ ସୀନ୍‍ ପ୍ରାନ୍ତରରୁ ଯାତ୍ରା କରି ହମାତର ପ୍ରବେଶ ସ୍ଥାନସ୍ଥିତ ରହୋବ ପର୍ଯ୍ୟନ୍ତ ଦେଶ ଅନୁସନ୍ଧାନ କଲେ ।
\v 22 ଆଉ ସେମାନେ ଦକ୍ଷିଣ ଦିଗ ଦେଇ ଯାଇ ହିବ୍ରୋଣରେ ଉପସ୍ଥିତ ହେଲେ; ସେହି ସ୍ଥାନରେ ଅହୀମାନ୍‍, ଶେଶୟ ଓ ତଲ୍ମୟ, ଅନାକର ଏହି ସନ୍ତାନମାନେ ଥିଲେ । ମିସରସ୍ଥିତ ସୋୟନ-ପତ୍ତନର ସାତ ବର୍ଷ ପୂର୍ବେ ହିବ୍ରୋଣର ପତ୍ତନ ହୋଇଥିଲା ।
\s5
\v 23 ଏଉତ୍ତାରେ ସେମାନେ ଇଷ୍କୋଲ-ଉପତ୍ୟକାରେ ଉପସ୍ଥିତ ହୋଇ ସେଠାରେ ଏକ ପେଣ୍ଡା ଫଳଯୁକ୍ତ ଦ୍ରାକ୍ଷାଲତାର ଏକ ଡାଳ କାଟି ତାହା ଦୁଇ ଜଣ ସାଙ୍ଗୀରେ ବହିଲେ; ସେମାନେ ଡାଳିମ୍ବ ଓ ଡିମ୍ବିରି ଫଳ ମଧ୍ୟ ଆଣିଲେ ।
\v 24 ଇସ୍ରାଏଲ-ସନ୍ତାନଗଣ ଯେଉଁ ଦ୍ରାକ୍ଷାପେଣ୍ଡା କାଟିଥିଲେ, ତହିଁ ସକାଶୁ ସେହି ସ୍ଥାନ ଇଷ୍କୋଲ (ପେଣ୍ଡା) ଉପତ୍ୟକା ନାମରେ ପ୍ରସିଦ୍ଧ ହେଲା ।
\s ଦୂତମାନଙ୍କ ବିବରଣ
\p
\s5
\v 25 ଆଉ ଚାଳିଶ ଦିନ ଉତ୍ତାରେ ସେମାନେ ଦେଶ ଅନୁସନ୍ଧାନ କରି ଫେରି ଆସିଲେ ।
\v 26 ଏଥିଉତ୍ତାରେ ସେମାନେ ଆସି ପାରଣ ପ୍ରାନ୍ତରସ୍ଥ କାଦେଶ ନାମକ ସ୍ଥାନରେ ମୋଶା, ହାରୋଣ ଓ ଇସ୍ରାଏଲ ସନ୍ତାନଗଣଙ୍କର ସମସ୍ତ ମଣ୍ଡଳୀ ନିକଟରେ ଉପସ୍ଥିତ ହୋଇ ସେମାନଙ୍କୁ ଓ ସମସ୍ତ ମଣ୍ଡଳୀକୁ ସମାଚାର ଦେଲେ ଓ ସେମାନଙ୍କୁ ସେହି ଦେଶର ଫଳ ଦେଖାଇଲେ ।
\s5
\v 27 ପୁଣି, ସେମାନେ ବର୍ଣ୍ଣନା କରି ତାଙ୍କୁ କହିଲେ, "ତୁମ୍ଭେ ଆମ୍ଭମାନଙ୍କୁ ଯେଉଁ ଦେଶକୁ ପଠାଇଥିଲ, ଆମ୍ଭେମାନେ ସେଠାକୁ ଯାଇଥିଲୁ; ଆଉ ତାହା ଦୁଗ୍ଧ ଓ ମଧୁ ପ୍ରବାହୀ ଅଟେ ଓ ଏହା ତହିଁର ଫଳ ।
\v 28 ତଥାପି ସେହି ଦେଶ ନିବାସୀମାନେ ବଳବାନ୍ ଓ ନଗରସବୁ ପ୍ରାଚୀର ବେଷ୍ଟିତ ଓ ଅତି ବଡ଼; ଆହୁରି ଆମ୍ଭେମାନେ ସେଠାରେ ଅନାକର ସନ୍ତାନଗଣକୁ ଦେଖିଲୁ ।
\v 29 ଦକ୍ଷିଣ ଦେଶରେ ଅମାଲେକ ବାସ କରନ୍ତି; ପୁଣି, ପର୍ବତରେ ହିତ୍ତୀୟ, ଯିବୂଷୀୟ ଓ ଇମୋରୀୟ ଲୋକମାନେ ବାସ କରନ୍ତି; ଆଉ ସମୁଦ୍ର ନିକଟରେ ଓ ଯର୍ଦ୍ଦନ ତୀରରେ କିଣାନୀୟ ଲୋକମାନେ ବାସ କରନ୍ତି ।"
\s5
\v 30 ତହିଁରେ କାଲେବ ମୋଶାଙ୍କ ପକ୍ଷରୁ ଲୋକମାନଙ୍କୁ କ୍ଷାନ୍ତ କରି କହିଲେ, "ଆସ, ଆମ୍ଭେମାନେ ଏହିକ୍ଷଣି ଉଠିଯାଇ ତାହା ଅଧିକାର କରୁ; ତାହା ପରାସ୍ତ କରିବାକୁ ଆମ୍ଭେମାନେ ସକ୍ଷମ ଅଟୁ ।"
\v 31 ମାତ୍ର ଯେଉଁ ଲୋକମାନେ ତାଙ୍କ ସହିତ ଯାଇଥିଲେ, ସେମାନେ କହିଲେ, "ଆମ୍ଭେମାନେ ସେହି ଲୋକମାନଙ୍କ ବିରୁଦ୍ଧରେ ଯାଇ ନ ପାରୁ, କାରଣ ସେମାନେ ଆମ୍ଭମାନଙ୍କଠାରୁ ବଳବାନ୍ ।"
\s5
\v 32 ଏହିରୂପେ ସେମାନେ ଯେଉଁ ଦେଶ ଅନୁସନ୍ଧାନ କରିଥିଲେ, ଇସ୍ରାଏଲ-ସନ୍ତାନଗଣ ନିକଟରେ ସେହି ଦେଶର ଅଖ୍ୟାତି କରି କହିଲେ, "ଆମ୍ଭେମାନେ ଯେଉଁ ଦେଶର ମଧ୍ୟଦେଇ ଅନୁସନ୍ଧାନ କରିବାକୁ ଯାଇଥିଲୁ, ସେହି ଦେଶ ସ୍ୱନିବାସୀମାନଙ୍କୁ ଗ୍ରାସ କରେ, ପୁଣି, ତହିଁ ମଧ୍ୟରେ ଆମ୍ଭେମାନେ ଯେତେ ଲୋକଙ୍କୁ ଦେଖିଲୁ, ସେମାନେ ବଡ଼ ଡେଙ୍ଗା ।
\v 33 ଆଉ ସେ ସ୍ଥାନରେ ଆମ୍ଭେମାନେ ମହାବୀରଜାତ ଅନାକର ସନ୍ତାନ ମହାବୀରଗଣକୁ ଦେଖିଲୁ; ଆଉ ଆମ୍ଭେମାନେ ଆପଣାମାନଙ୍କ ଦୃଷ୍ଟିରେ ଫଡ଼ିଙ୍ଗ ପରି ହେଲୁ ଓ ସେମାନଙ୍କ ଦୃଷ୍ଟିରେ ମଧ୍ୟ ସେରୂପ ଥିଲୁ ।"
\s5
\c 14
\s ଲୋକମାନଙ୍କ ବିଦ୍ରୋହ
\p
\v 1 ଏଥିରେ ସମସ୍ତ ମଣ୍ଡଳୀ ଉଚ୍ଚସ୍ୱରରେ କୋଳାହଳ କଲେ ଓ ଲୋକମାନେ ସେହି ରାତ୍ରି ରୋଦନ କଲେ ।
\v 2 ପୁଣି, ଇସ୍ରାଏଲ-ସନ୍ତାନଗଣ ସମସ୍ତେ ମୋଶାଙ୍କ ବିରୁଦ୍ଧରେ ଓ ହାରୋଣଙ୍କ ବିରୁଦ୍ଧରେ ବଚସା କଲେ ଓ ସମସ୍ତ ମଣ୍ଡଳୀ ସେମାନଙ୍କ ଆଗରେ କହିଲେ, "ଆହା, ଆମ୍ଭେମାନେ ମିସର ଦେଶରେ ନଚେତ୍ ଏହି ପ୍ରାନ୍ତରରେ ମରିଥା'ନ୍ତୁ ! ଆହା, ଆମ୍ଭେମାନେ ଯଦି ଏହି ପ୍ରାନ୍ତରରେ ମରିଥା'ନ୍ତୁ !
\v 3 ସଦାପ୍ରଭୁ ଆମ୍ଭମାନଙ୍କୁ ଖଡ଼୍‌ଗ‌ରେ ନିପାତ କରିବା ପାଇଁ କାହିଁକି ଏ ଦେଶକୁ ଆଣିଅଛନ୍ତି ? ଯଦ୍ଦ୍ଵାରା ଆମ୍ଭମାନଙ୍କର ଭାର୍ଯ୍ୟା ଓ ବାଳକମାନେ ଲୁଟିତ ହେବେ; ମିସରକୁ ଫେରି ଗଲେ କି ଆମ୍ଭମାନଙ୍କ ପାଇଁ ଭଲ ହୁଅନ୍ତା ନାହିଁ ?"
\s5
\v 4 ଏଥିରେ ସେମାନେ ପରସ୍ପରକୁ କହିଲେ, "ଆସ, ଆମ୍ଭେମାନେ ଜଣକୁ ପ୍ରଧାନ କରି ମିସରକୁ ଫେରି ଯାଉ ।"
\v 5 ତହିଁରେ ମୋଶା ଓ ହାରୋଣ ଇସ୍ରାଏଲ-ସନ୍ତାନଗଣର ସମସ୍ତ ସମାଜ ଆଗରେ ମୁହଁ ମାଡ଼ି ପଡ଼ିଲେ ।
\s5
\v 6 ତହୁଁ ଦେଶ ଅନୁସନ୍ଧାନକାରୀ ଲୋକମାନଙ୍କ ମଧ୍ୟରୁ ନୂନର ପୁତ୍ର ଯିହୋଶୂୟ ଓ ଯିଫୁନ୍ନିର ପୁତ୍ର କାଲେବ ଆପଣା ଆପଣା ବସ୍ତ୍ର ଚିରିଲେ;
\v 7 ଆଉ ସେମାନେ ଇସ୍ରାଏଲ-ସନ୍ତାନଗଣଙ୍କର ସମସ୍ତ ମଣ୍ଡଳୀକୁ କହିଲେ, "ଆମ୍ଭେମାନେ ଯେଉଁ ଦେଶ ଅନୁସନ୍ଧାନ କରିବାକୁ ଯାଇଥିଲୁ, ତାହା ଅତ୍ୟନ୍ତ ଉତ୍ତମ ଦେଶ ଅଟେ ।"
\v 8 ଯଦି ସଦାପ୍ରଭୁ ଆମ୍ଭମାନଙ୍କଠାରେ ସନ୍ତୁଷ୍ଟ ହୁଅନ୍ତି, ତେବେ ସେ ଆମ୍ଭମାନଙ୍କୁ ସେହି ଦେଶକୁ ନେବେ ଓ ତାହା ଆମ୍ଭମାନଙ୍କୁ ଦେବେ; ସେହି ଦେଶ ଦୁଗ୍ଧ ଓ ମଧୁ ପ୍ରବାହୀ ଅଟେ ।
\s5
\v 9 କେବଳ ତୁମ୍ଭେମାନେ ସଦାପ୍ରଭୁଙ୍କର ବିଦ୍ରୋହୀ ହୁଅ ନାହିଁ, କିଅବା ସେହି ଦେଶର ଲୋକମାନଙ୍କୁ ଭୟ କର ନାହିଁ, କାରଣ ସେମାନେ ଆମ୍ଭମାନଙ୍କର ଭକ୍ଷ୍ୟ ସ୍ୱରୂପ; ସେମାନଙ୍କ ଆଶ୍ରୟ ସେମାନଙ୍କ ଉପରୁ ଘୁଞ୍ଚାଗଲାଣି, ପୁଣି, ସଦାପ୍ରଭୁ ଆମ୍ଭମାନଙ୍କ ସଙ୍ଗରେ ଅଛନ୍ତି; ସେମାନଙ୍କୁ ଭୟ କର ନାହିଁ ।
\v 10 ମାତ୍ର ସମସ୍ତ ମଣ୍ଡଳୀ ସେମାନଙ୍କୁ ପଥରରେ ମାରିବାକୁ କହିଲେ । ସେତେବେଳେ ସଦାପ୍ରଭୁଙ୍କର ପ୍ରତାପ ସମାଗମ-ତମ୍ବୁରେ ଇସ୍ରାଏଲର ସମସ୍ତ ସନ୍ତାନ ପ୍ରତି ପ୍ରକାଶିତ ହେଲା ।
\s ମୋଶାଙ୍କ ପ୍ରାର୍ଥନା
\p
\s5
\v 11 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, "ଏହି ଲୋକମାନେ କେତେ କାଳ ପର୍ଯ୍ୟନ୍ତ ଆମ୍ଭଙ୍କୁ ଅବଜ୍ଞା କରିବେ ? ଆଉ ଆମ୍ଭେ ସେମାନଙ୍କ ମଧ୍ୟରେ ଚିହ୍ନ ସ୍ୱରୂପେ ଯେଉଁ ସମସ୍ତ କର୍ମ କରିଅଛୁ, ତାହା କଲେ ହେଁ ସେମାନେ କେତେ କାଳ ପର୍ଯ୍ୟନ୍ତ ଆମ୍ଭଠାରେ ବିଶ୍ୱାସ କରିବେ ନାହିଁ ?
\v 12 ଆମ୍ଭେ ମହାମାରୀ ଦ୍ୱାରା ସେମାନଙ୍କୁ ସଂହାର କରିବା ଓ ସେମାନଙ୍କୁ ଅଧିକାରଚ୍ୟୁତ କରିବା, ପୁଣି, ସେମାନଙ୍କଠାରୁ ତୁମ୍ଭକୁ ବଡ଼ ଓ ବଳବାନ୍ ଗୋଷ୍ଠୀ କରିବା ।
\s5
\v 13 ଏଥିରେ ମୋଶା ସଦାପ୍ରଭୁଙ୍କୁ କହିଲେ, "ତେବେ ମିସ୍ରୀୟ ଲୋକମାନେ ତ ଏହା ଶୁଣିବେ; କାରଣ ତୁମ୍ଭେ ଆପଣା ପରାକ୍ରମ ଦ୍ୱାରା ସେମାନଙ୍କ ମଧ୍ୟରୁ ଏହି ଲୋକମାନଙ୍କୁ ଆଣିଅଛ ।
\v 14 ପୁଣି, ସେମାନେ ଏ ଦେଶ ନିବାସୀମାନଙ୍କୁ ତାହା କହିବେ; ସେମାନେ ଶୁଣିଅଛନ୍ତି ଯେ, ତୁମ୍ଭେ ସଦାପ୍ରଭୁ ଏହି ଲୋକମାନଙ୍କ ମଧ୍ୟବର୍ତ୍ତୀ ଅଟ; କାରଣ ତୁମ୍ଭେ ସଦାପ୍ରଭୁ ପ୍ରତ୍ୟକ୍ଷ ଦର୍ଶନ ଦେଉଅଛ ଓ ତୁମ୍ଭ ମେଘ ସେମାନଙ୍କ ଉପରେ ସ୍ଥିତି କରୁଅଛି ଓ ତୁମ୍ଭେ ଦିନ ସମୟରେ ମେଘ ସ୍ତମ୍ଭରେ ଓ ରାତ୍ରି ସମୟରେ ଅଗ୍ନି ସ୍ତମ୍ଭରେ ସେମାନଙ୍କ ଆଗେ ଆଗେ ଗମନ କରୁଅଛ ।
\s5
\v 15 ବର୍ତ୍ତମାନ ଯଦି ତୁମ୍ଭେ ଏହି ଲୋକମାନଙ୍କୁ ଏକ ମନୁଷ୍ୟ ତୁଲ୍ୟ ବଧ କରିବ, ତେବେ ଯେଉଁ ଅନ୍ୟ ଦେଶୀୟ ଲୋକମାନେ ତୁମ୍ଭର କୀର୍ତ୍ତିର କଥା ଶୁଣିଅଛନ୍ତି, ସେମାନେ କହିବେ,
\v 16 ସଦାପ୍ରଭୁ ଏହି ଲୋକମାନଙ୍କୁ ଯେଉଁ ଦେଶ ଦେବାକୁ ଶପଥ କରିଥିଲେ, ସେହି ଦେଶକୁ ସେମାନଙ୍କୁ ଆଣି ପାରିଲେ ନାହିଁ, ଏହେତୁ ସେ ସେମାନଙ୍କୁ ପ୍ରାନ୍ତରରେ ବଧ କରିଅଛନ୍ତି ।
\s5
\v 17 ଏବେ ମୁଁ ବିନୟ କରୁଅଛି, ପ୍ରଭୁଙ୍କ ପରାକ୍ରମ ମହାନ୍ ହେଉ, ଯେପରି ତୁମ୍ଭେ କହିଅଛ,
\v 18 ସଦାପ୍ରଭୁ କ୍ରୋଧରେ ଧୀର, ଦୟାରେ ପରିପୂର୍ଣ୍ଣ, ଅପରାଧ ଓ ଆଜ୍ଞାଲଙ୍ଘନର କ୍ଷମାକାରୀ, ତଥାପି ନିତାନ୍ତ ତହିଁର ଦଣ୍ଡଦାତା; ପୁଣି, ତୃତୀୟ ଓ ଚତୁର୍ଥ ପୁରୁଷ ପର୍ଯ୍ୟନ୍ତ ସନ୍ତାନଗଣ ଉପରେ ପିତୃଗଣଙ୍କର ଅପରାଧର ପ୍ରତିଫଳଦାତା ।
\v 19 ବିନୟ କରୁଅଛି, ତୁମ୍ଭେ ଆପଣା ଦୟାର ମହତ୍ତ୍ୱ ଅନୁସାରେ ଓ ତୁମ୍ଭେ ଏହି ଲୋକମାନଙ୍କୁ ମିସରଠାରୁ ଏପର୍ଯ୍ୟନ୍ତ ଯେପରି କ୍ଷମା କରିଅଛ, ତଦନୁସାରେ ଏହି ଲୋକମାନଙ୍କର ଅପରାଧ କ୍ଷମା କର ।
\s ବଚସାକାରୀଙ୍କ ପ୍ରତି ସଦାପ୍ରଭୁଙ୍କ ବିଚାର
\p
\s5
\v 20 ତହିଁରେ ସଦାପ୍ରଭୁ କହିଲେ, "ଆମ୍ଭେ ତୁମ୍ଭର ଅନୁରୋଧନୁସାରେ ସେମାନଙ୍କୁ କ୍ଷମା କଲୁ ।
\v 21 ମାତ୍ର ଯଦି ଆମ୍ଭେ ଜୀବିତ ହେଉ, ଆଉ ଯଦି ଏହି ସମସ୍ତ ପୃଥିବୀ ସଦାପ୍ରଭୁଙ୍କ ପ୍ରତାପରେ ପରିପୂର୍ଣ୍ଣ ହେବ,
\v 22 ତେବେ ଏମାନଙ୍କ ମଧ୍ୟରୁ ଯେତେ ଲୋକ ଆମ୍ଭର ପ୍ରତାପ, ପୁଣି, ମିସରରେ ଓ ପ୍ରାନ୍ତରରେ କୃତ ଆମ୍ଭର ଚିହ୍ନ ସ୍ୱରୂପ କର୍ମ ଦେଖିଲେ ମଧ୍ୟ ଦଶଥର ଆମ୍ଭର ପରୀକ୍ଷା କରିଅଛନ୍ତି ଓ ଆମ୍ଭ ରବରେ ଅମନୋଯୋଗୀ ହୋଇଅଛନ୍ତି,
\s5
\v 23 ସେମାନଙ୍କ ପୂର୍ବପୁରୁଷମାନଙ୍କ ପ୍ରତି ଆମ୍ଭେ ଯେଉଁ ଦେଶ ବିଷୟରେ ଶପଥ କରିଅଛୁ, ନିଶ୍ଚୟ ଏମାନଙ୍କ ମଧ୍ୟରୁ କେହି ସେହି ଦେଶ ଦେଖି ପାରିବେ ନାହିଁ; କିଅବା ଯେଉଁମାନେ ଆମ୍ଭଙ୍କୁ ଅବଜ୍ଞା କରିଅଛନ୍ତି, ସେମାନଙ୍କ ମଧ୍ୟରୁ କେହି ତାହା ଦେଖିବ ନାହିଁ;
\v 24 ମାତ୍ର ଆମ୍ଭର ସେବକ କାଲେବଠାରେ ଅନ୍ୟ ଆତ୍ମା ଅଛି ଓ ସେ ସମ୍ପୂର୍ଣ୍ଣ ରୂପେ ଆମ୍ଭର ଅନୁଗତ ହୋଇଅଛି, ଏଥିପାଇଁ ସେ ଯେଉଁ ଦେଶକୁ ଯାଇଥିଲା, ସେହି ଦେଶରେ ଆମ୍ଭେ ତାହାକୁ ପ୍ରବେଶ କରାଇବା ଓ ତାହାର ବଂଶ ତାହା ଅଧିକାର କରିବେ ।
\v 25 ବର୍ତ୍ତମାନ ଅମାଲେକୀୟ ଓ କିଣାନୀୟମାନେ ତଳଭୂମିରେ ବାସ କରନ୍ତି; କାଲି ତୁମ୍ଭେମାନେ ଫେରି ସୂଫସମୁଦ୍ରକୁ ଯିବା ପଥ ଦେଇ ପ୍ରାନ୍ତରକୁ ଗମନ କର ।"
\s5
\v 26 ଏଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ ଓ ହାରୋଣଙ୍କୁ କହିଲେ,
\v 27 "ଆମ୍ଭ ବିରୁଦ୍ଧରେ ବଚସା କରୁଅଛି, ଏହି ଯେଉଁ ଦୁଷ୍ଟ ମଣ୍ଡଳୀ, ତାହାକୁ ଆମ୍ଭେ କେତେ କାଳ ସହିବା ? ଇସ୍ରାଏଲ-ସନ୍ତାନଗଣ ଆମ୍ଭ ପ୍ରତିକୂଳରେ ଯେଉଁ ବଚସା କରୁଅଛନ୍ତି, ତାହା ଆମ୍ଭେ ଶୁଣିଅଛୁ ।
\s5
\v 28 ସେମାନଙ୍କୁ କୁହ, ସଦାପ୍ରଭୁ ଏହି କଥା କହନ୍ତି, "ଆମ୍ଭେ ଯଦି ଜୀବିତ ହେଉ, ତେବେ ତୁମ୍ଭେମାନେ ଆମ୍ଭ କର୍ଣ୍ଣଗୋଚରରେ ଯାହା କହିଅଛ, ତାହା ହିଁ ଆମ୍ଭେ ତୁମ୍ଭମାନଙ୍କ ପ୍ରତି କରିବା ।
\v 29 ତୁମ୍ଭମାନଙ୍କର ଶବ ଏହି ପ୍ରାନ୍ତରରେ ପଡ଼ିବ; ତୁମ୍ଭମାନଙ୍କ ମଧ୍ୟରେ କୋଡ଼ିଏ ବର୍ଷ ଓ ତହିଁରୁ ଅଧିକ ବର୍ଷ ବୟସ୍କ ଲୋକମାନଙ୍କର ସମ୍ପୂର୍ଣ୍ଣ ସଂଖ୍ୟାନୁସାରେ ଗଣିତ ଯେତେ ଲୋକ, ତୁମ୍ଭେମାନେ ଆମ୍ଭ ବିରୁଦ୍ଧରେ ବଚସା କରିଅଛ,
\v 30 ଆମ୍ଭେ ତୁମ୍ଭମାନଙ୍କୁ ଯେଉଁ ଦେଶରେ ବାସ କରାଇବାକୁ ପ୍ରତିଜ୍ଞା କରିଅଛୁ, ନିଶ୍ଚୟ ସେହି ଦେଶରେ ଯିଫୁନ୍ନିର ପୁତ୍ର କାଲେବ ଓ ନୂନର ପୁତ୍ର ଯିହୋଶୂୟଙ୍କ ବ୍ୟତୀତ ତୁମ୍ଭେମାନେ କେହି ପ୍ରବେଶ କରିବ ନାହିଁ ।
\s5
\v 31 ମାତ୍ର ତୁମ୍ଭେମାନେ ଆପଣା ଆପଣାର ଯେଉଁ ବାଳକଗଣଙ୍କ ବିଷୟରେ ସେମାନେ ଲୁଟିତ ହେବେ ବୋଲି କହିଥିଲ, ସେମାନଙ୍କୁ ଆମ୍ଭେ ସେହି ସ୍ଥାନକୁ ଆଣିବା ଓ ତୁମ୍ଭେମାନେ ଯେଉଁ ଦେଶକୁ ତୁଚ୍ଛଜ୍ଞାନ କରିଅଛ, ସେମାନେ ତହିଁର ପରିଚୟ ପାଇବେ ।
\v 32 ମାତ୍ର ତୁମ୍ଭମାନଙ୍କର ଶବ ଏହି ପ୍ରାନ୍ତରରେ ପଡ଼ିବ ।
\v 33 ପୁଣି, ତୁମ୍ଭମାନଙ୍କ ସନ୍ତାନଗଣଙ୍କ ଚାଳିଶ ବର୍ଷ ଏହି ପ୍ରାନ୍ତରରେ ଭ୍ରମଣକାରୀ ହେବେ ଓ ଏହି ପ୍ରାନ୍ତରରେ ତୁମ୍ଭମାନଙ୍କ ଶବ ନଷ୍ଟ ନ ହେବା ପର୍ଯ୍ୟନ୍ତ ସେମାନେ ତୁମ୍ଭମାନଙ୍କ ବ୍ୟଭିଚାରର ଫଳ ଭୋଗ କରିବେ ।
\s5
\v 34 ତୁମ୍ଭେମାନେ ଯେଉଁ ଚାଳିଶ ଦିନ ଦେଶ ଅନୁସନ୍ଧାନ କରିଅଛ, ସେହି ଦିନର ସଂଖ୍ୟାନୁସାରେ ଏକ ଏକ ଦିନ ପାଇଁ ଏକ ଏକ ବର୍ଷ, ଏରୂପେ ଚାଳିଶ ବର୍ଷ ପର୍ଯ୍ୟନ୍ତ ତୁମ୍ଭେମାନେ ଆପଣା ଆପଣା ଅପରାଧର ଦଣ୍ଡ ଭୋଗିବ ଓ ଆମ୍ଭର ବିପକ୍ଷତା କିପରି, ତାହା ଜ୍ଞାତ ହେବ ।
\v 35 ଆମ୍ଭେ ସଦାପ୍ରଭୁ ଏହା କହିଅଛୁ, ଆମ୍ଭ ବିରୁଦ୍ଧରେ ଯେଉଁ ଦୁଷ୍ଟ ମଣ୍ଡଳୀ ଏକତ୍ରିତ ହୋଇଅଛି, ତାହା ପ୍ରତି ଆମ୍ଭେ ତାହା ନିଶ୍ଚୟ କରିବା, ପୁଣି, ସେମାନେ ଏହି ପ୍ରାନ୍ତରରେ ନଷ୍ଟ ହେବେ ଓ ଏହି ସ୍ଥାନରେ ସେମାନେ ମରିବେ ।"
\s5
\v 36 ଆଉ ଦେଶ ଅନୁସନ୍ଧାନ କରିବା ପାଇଁ ମୋଶାଙ୍କର ପ୍ରେରିତ ଯେଉଁ ଲୋକମାନେ ଫେରି ଆସି ସେହି ଦେଶର ଅଖ୍ୟାତି ଆଣି ସଦାପ୍ରଭୁଙ୍କ ବିରୁଦ୍ଧରେ ସମସ୍ତ ମଣ୍ଡଳୀକୁ ବଚସା କରାଇଥିଲେ,
\v 37 ଦେଶର ଅଖ୍ୟାତିକାରୀ ସେହି ଲୋକମାନେ ସଦାପ୍ରଭୁଙ୍କ ସମ୍ମୁଖରେ ମହାମାରୀ ଦ୍ୱାରା ମଲେ ।
\v 38 ମାତ୍ର ଯେଉଁ ମନୁଷ୍ୟମାନେ ଦେଶ ଅନୁସନ୍ଧାନ କରିବାକୁ ଯାଇଥିଲେ, ସେମାନଙ୍କ ମଧ୍ୟରୁ କେବଳ ନୂନର ପୁତ୍ର ଯିହୋଶୂୟ ଓ ଯିଫୁନ୍ନିର ପୁତ୍ର କାଲେବ ଜୀବିତ ରହିଲେ ।
\s ଯୁଦ୍ଧରେ ଇସ୍ରାଏଲର ପରାଜୟ
\p
\s5
\v 39 ଆଉ ମୋଶା ଇସ୍ରାଏଲର ସମସ୍ତ ସନ୍ତାନଙ୍କୁ ଏହି କଥା କହିଲେ; ତହିଁରେ ଲୋକମାନେ ଅତିଶୟ ବିଳାପ କଲେ ।
\v 40 ପୁଣି, ସେମାନେ ଅତି ପ୍ରାତଃକାଳରେ ଉଠି ପର୍ବତଶୃଙ୍ଗ ଉପରକୁ ଯିବାକୁ ବାହାରି କହିଲେ, "ଦେଖ, ଆମ୍ଭେମାନେ ପାପ କରିଅଛୁ , ତଥାପି ସଦାପ୍ରଭୁ ଯେଉଁ ସ୍ଥାନ ବିଷୟରେ ପ୍ରତିଜ୍ଞା କରିଅଛନ୍ତି, ସେହି ସ୍ଥାନକୁ ଯିବା ନିମନ୍ତେ; ଆମ୍ଭେମାନେ ଏଠାରେ ଅଛୁ ।"
\s5
\v 41 ତହିଁରେ ମୋଶା କହିଲେ, "ଏବେ ତୁମ୍ଭେମାନେ କିହେତୁ ସଦାପ୍ରଭୁଙ୍କ ଆଜ୍ଞା ଲଙ୍ଘନ କରୁଅଛ ? ତୁମ୍ଭମାନଙ୍କର ଏହି କର୍ମ ସଫଳ ହେବ ନାହିଁ ।
\v 42 କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ମଧ୍ୟରେ ନାହାନ୍ତି; ଯେପରି ତୁମ୍ଭେମାନେ ଶତ୍ରୁଗଣର ସମ୍ମୁଖରେ ପରାସ୍ତ ହେବ ନାହିଁ, ଏଥିପାଇଁ ଉପରକୁ ଯାଅ ନାହିଁ ।
\v 43 ଯେହେତୁ ଅମାଲେକୀୟ ଓ କିଣାନୀୟ ଲୋକମାନେ ସେଠାରେ ତୁମ୍ଭମାନଙ୍କ ସମ୍ମୁଖରେ ଅଛନ୍ତି ଓ ତୁମ୍ଭେମାନେ ଖଡ଼୍ଗରେ ପତିତ ହେବ; ତୁମ୍ଭେମାନେ ସଦାପ୍ରଭୁଙ୍କଠାରୁ ବିମୁଖ ହେବାରୁ ସଦାପ୍ରଭୁ ତୁମ୍ଭମାନଙ୍କର ସହବର୍ତ୍ତୀ ହେବେ ନାହିଁ ।"
\s5
\v 44 ତଥାପି ସେମାନେ ପର୍ବତଶୃଙ୍ଗ ଉପରକୁ ଯିବାକୁ ଦୁଃସାହସ କଲେ; ମାତ୍ର ସଦାପ୍ରଭୁଙ୍କ ସାକ୍ଷ୍ୟସିନ୍ଦୁକ ଓ ମୋଶା ଛାଉଣିରୁ ପ୍ରସ୍ଥାନ କଲେ ନାହିଁ ।
\v 45 ସେତେବେଳେ ସେହି ପର୍ବତବାସୀ ଅମାଲେକୀୟ ଓ କିଣାନୀୟ ଲୋକମାନେ ଓହ୍ଲାଇ ଆସି ସେମାନଙ୍କୁ ଆଘାତ କଲେ ଓ ସେମାନଙ୍କୁ ପରାସ୍ତ କରି ହର୍ମା ପର୍ଯ୍ୟନ୍ତ ତଡ଼ି ଦେଲେ ।
\s5
\c 15
\s ବଳିଦାନର ବିଧି
\p
\v 1 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
\v 2 "ଇସ୍ରାଏଲ-ସନ୍ତାନଗଣକୁ କୁହ, ଆମ୍ଭେ ତୁମ୍ଭମାନଙ୍କୁ ଯେଉଁ ଦେଶ ଦେବା, ତୁମ୍ଭେମାନେ ଆପଣାମାନଙ୍କ ସେହି ନିବାସ ଦେଶରେ ଯେତେବେଳେ ପ୍ରବେଶ କରିବ,
\v 3 ପୁଣି, ତୁମ୍ଭମାନଙ୍କର ମାନତ ପୂର୍ଣ୍ଣ କରିବା ନିମନ୍ତେ, କିଅବା ସ୍ୱେଚ୍ଛାଦତ୍ତ ଉପହାର ନିମନ୍ତେ, କିଅବା ତୁମ୍ଭମାନଙ୍କ ନିରୂପିତ ପର୍ବରେ ଗୋମେଷାଦି ପଲରୁ ସଦାପ୍ରଭୁଙ୍କ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ରୂପେ ହୋମ ବା ବଳି ଉତ୍ସର୍ଗ କରିବ;
\s5
\v 4 ସେତେବେଳେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉପହାର ଉତ୍ସର୍ଗକାରୀ ଲୋକ ହୋମାଦି ବଳିଦାନାର୍ଥକ ପ୍ରତ୍ୟେକ ମେଷବତ୍ସ ନିମନ୍ତେ ଏକ ହିନର ଚତୁର୍ଥାଂଶ ତୈଳରେ ମିଶ୍ରିତ ଏକ ଐଫାର ଦଶମାଂଶ ସରୁ ମଇଦାର ନୈବେଦ୍ୟ ଆଣିବ,
\v 5 ପୁଣି, ଏକ ହିନର ଚତୁର୍ଥାଂଶ ଦ୍ରାକ୍ଷାରସର ପେୟ-ନୈବେଦ୍ୟ ପ୍ରସ୍ତୁତ କରିବ ।
\s5
\v 6 ଅଥବା ଏକ ମେଷ ନିମନ୍ତେ, ତୁମ୍ଭେ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ହିନର ତୃତୀୟାଂଶ ତୈଳରେ ମିଶ୍ରିତ ଏକ ଐଫାର ଦୁଇ ଦଶମାଂଶ ସରୁ ମଇଦାର ନୈବେଦ୍ୟ ପ୍ରସ୍ତୁତ କରିବ,
\v 7 ପୁଣି, ତୁମ୍ଭେ ପେୟ ନୈବେଦ୍ୟ ନିମନ୍ତେ ଏକ ହିନର ତୃତୀୟାଂଶ ଦ୍ରାକ୍ଷାରସ ଉତ୍ସର୍ଗ କରିବ ।
\s5
\v 8 ଆଉ ତୁମ୍ଭେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମ ନିମନ୍ତେ, ଅବା ମାନତ-ପୂର୍ଣ୍ଣକରଣାର୍ଥକ ବଳି ନିମନ୍ତେ, କିଅବା ମଙ୍ଗଳାର୍ଥକ ଉପହାର ନିମନ୍ତେ, ଯଦି ଗୋବତ୍ସ ପ୍ରସ୍ତୁତ କରିବ,
\v 9 ତେବେ ସେହି ଗୋବତ୍ସ ସହିତ ଅର୍ଦ୍ଧହୀନ୍ ତୈଳ ମିଶ୍ରିତ ଏକ ଐଫାର ତିନି ଦଶମାଂଶ ସରୁ ମଇଦାର ଭକ୍ଷ୍ୟ-ନୈବେଦ୍ୟ ଆଣିବ ।
\v 10 ପୁଣି, ତୁମ୍ଭେ ସଦାପ୍ରଭୁଙ୍କ ତୁଷ୍ଟିଜନକ ଆଘ୍ରାଣାର୍ଥକ ଅଗ୍ନିକୃତ ଉପହାରର ପେୟ-ନୈବେଦ୍ୟ ନିମନ୍ତେ ଅର୍ଦ୍ଧହୀନ୍ ଦ୍ରାକ୍ଷାରସ ଆଣିବ ।
\s5
\v 11 ଏହିରୂପେ ପ୍ରତ୍ୟେକ ଗୋରୁ, ପ୍ରତ୍ୟେକ ମେଷ ଓ ପ୍ରତ୍ୟେକ ମେଷବତ୍ସ ଅବା ଛାଗବତ୍ସ ପ୍ରତି କରାଯିବ ।
\v 12 ତୁମ୍ଭେମାନେ ପ୍ରସ୍ତୁତ କରିବା ସଂଖ୍ୟାନୁସାରେ ପ୍ରତ୍ୟେକ ପଶୁ ପ୍ରତି ସେମାନଙ୍କ ସଂଖ୍ୟା ପ୍ରମାଣେ ସେରୂପ କରିବ ।
\v 13 ଗୃହଜାତ ସମସ୍ତ ଲୋକ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତୁଷ୍ଟିଜନକ ଆଘ୍ରାଣାର୍ଥେ ଅଗ୍ନିକୃତ ଉପହାର ଉତ୍ସର୍ଗ କଲେ, ଏହି ବ୍ୟବସ୍ଥାନୁସାରେ ଏହିସବୁ କାର୍ଯ୍ୟ କରିବ ।
\s5
\v 14 ଆଉ ଯଦି ତୁମ୍ଭମାନଙ୍କ ମଧ୍ୟରେ ପ୍ରବାସକାରୀ କୌଣସି ବିଦେଶୀୟ ଲୋକ କିଅବା ତୁମ୍ଭମାନଙ୍କ ମଧ୍ୟରେ ପୁରୁଷାନୁକ୍ରମେ ବାସକାରୀ କୌଣସି ଲୋକ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ଉତ୍ସର୍ଗ କରିବାକୁ ଇଚ୍ଛା କରେ, ତେବେ ତୁମ୍ଭେମାନେ ଯେ ପ୍ରକାର କର, ସେ ସେହି ପ୍ରକାର କରିବ ।
\v 15 ସମାଜ ନିମନ୍ତେ, (ଅର୍ଥାତ୍‍) ତୁମ୍ଭମାନଙ୍କ ନିମନ୍ତେ ଓ ପ୍ରବାସକାରୀ ବିଦେଶୀ ଲୋକ ନିମନ୍ତେ ଏକ ବ୍ୟବସ୍ଥା ହେବ, ଏହା ତୁମ୍ଭମାନଙ୍କ ପୁରୁଷାନୁକ୍ରମେ ଅନନ୍ତକାଳୀନ ବିଧି; ସଦାପ୍ରଭୁଙ୍କ ଛାମୁରେ ଯେପରି ତୁମ୍ଭେମାନେ ଅଟ, ସେପରି ବିଦେଶୀ ଲୋକମାନେ ହେବେ ।
\v 16 ତୁମ୍ଭମାନଙ୍କ ନିମନ୍ତେ ଓ ତୁମ୍ଭମାନଙ୍କ ମଧ୍ୟରେ ପ୍ରବାସକାରୀ ବିଦେଶୀ ନିମନ୍ତେ ଏକ ବ୍ୟବସ୍ଥା ଓ ଏକ ଆଦେଶ ହେବ ।"
\s5
\v 17 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, "ଇସ୍ରାଏଲ ସନ୍ତାନଗଣଙ୍କୁ କୁହ,
\v 18 ଆମ୍ଭେ ତୁମ୍ଭମାନଙ୍କୁ ଯେଉଁ ଦେଶକୁ ନେଇ ଯାଉଅଛୁ, ସେହି ଦେଶରେ ଉପସ୍ଥିତ ହେଲେ ତୁମ୍ଭେମାନେ ଏରୂପ କରିବ,
\v 19 ତୁମ୍ଭେମାନେ ସେହି ଦେଶର ଅନ୍ନ ଭୋଜନ କରିବା ସମୟରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ତୋଳନୀୟ ଉପହାର ଉତ୍ସର୍ଗ କରିବ ।
\s5
\v 20 ତୁମ୍ଭେମାନେ ଆପଣା ଆପଣା ପ୍ରଥମ ସୂଜିରୁ ଉତ୍ତୋଳନୀୟ ଉପହାର ନିମନ୍ତେ ଏକ ପିଠା ଉତ୍ସର୍ଗ କରିବ; ଯେପରି ଶସ୍ୟମର୍ଦ୍ଦନ ସ୍ଥାନର ଉତ୍ତୋଳନୀୟ ଉପହାର, ସେପରି ତାହା ଉତ୍ତୋଳନ କରିବ ।
\v 21 ତୁମ୍ଭେମାନେ ପୁରୁଷାନୁକ୍ରମେ ଆପଣା ଆପଣା ପ୍ରଥମ ସୂଜିରୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ଉତ୍ତୋଳନୀୟ ଉପହାର ଉତ୍ସର୍ଗ କରିବ ।
\s ଭ୍ରାନ୍ତିଜନକ ପାପ ସଂକ୍ରାନ୍ତୀୟ ବିଧି
\p
\s5
\v 22 ଆଉ ଯଦି ତୁମ୍ଭେମାନେ ଭ୍ରାନ୍ତିରେ ତ୍ରୁଟି କର ଓ ସଦାପ୍ରଭୁ ମୋଶାଙ୍କୁ ଯାହା କହିଅଛନ୍ତି, ସେହିସବୁ ଆଜ୍ଞା,
\v 23 ଅର୍ଥାତ୍‍, ସଦାପ୍ରଭୁ ଆଜ୍ଞା ଦେବା ଦିନାବଧି ତୁମ୍ଭମାନଙ୍କ ପୁରୁଷାନୁକ୍ରମେ ସଦାପ୍ରଭୁ ମୋଶାଙ୍କ ଦ୍ୱାରା ଯେଉଁ ସବୁ ଆଜ୍ଞା ଦେଇଅଛନ୍ତି, ତାହା ସବୁ ଯଦି ପାଳନ ନ କର;
\v 24 ଯଦି ତାହା ମଣ୍ଡଳୀର ଅଗୋଚରରେ ଭ୍ରାନ୍ତିରେ ହୋଇଥାଏ, ତେବେ ସମସ୍ତ ମଣ୍ଡଳୀ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମ ନିମନ୍ତେ ଏକ ଗୋବତ୍ସ ଓ ବିଧିମତେ ତାହା ସହିତ ତହିଁର ଭକ୍ଷ୍ୟ-ନୈବେଦ୍ୟ ଓ ତହିଁର ପେୟ-ନୈବେଦ୍ୟ ଓ ପାପାର୍ଥକ ବଳି ନିମନ୍ତେ ଏକ ଛାଗ ଉତ୍ସର୍ଗ କରିବେ ।
\s5
\v 25 ଆଉ ଯାଜକ ଇସ୍ରାଏଲ-ସନ୍ତାନଗଣର ସମସ୍ତ ମଣ୍ଡଳୀ ନିମନ୍ତେ ପ୍ରାୟଶ୍ଚିତ୍ତ କରିବ; ତହିଁରେ ସେମାନେ କ୍ଷମା ପାଇବେ, କାରଣ ତାହା ଭ୍ରାନ୍ତି ଓ ସେମାନେ ସେହି ଭ୍ରାନ୍ତି ସକାଶୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆପଣାମାନଙ୍କ ଉପହାର, ଅର୍ଥାତ୍‍, ଅଗ୍ନିକୃତ ଉପହାର ଓ ପାପାର୍ଥକ ବଳି ସଦାପ୍ରଭୁଙ୍କ ଛାମୁକୁ ଆଣିଅଛନ୍ତି ।
\v 26 ତହିଁରେ ଇସ୍ରାଏଲ-ସନ୍ତାନଗଣର ସମସ୍ତ ମଣ୍ଡଳୀ ଓ ସେମାନଙ୍କ ମଧ୍ୟରେ ପ୍ରବାସକାରୀ ବିଦେଶୀ ଲୋକମାନେ କ୍ଷମା ପାଇବେ; କାରଣ ସମସ୍ତ ଲୋକଙ୍କ ସମ୍ବନ୍ଧରେ ଏହା ଭ୍ରାନ୍ତିରେ କରାଯାଇଥିଲା ।
\s5
\v 27 ଆଉ ଯଦି ଏକ ପ୍ରାଣୀ ଭ୍ରାନ୍ତିରେ ପାପ କରେ, ତେବେ ସେ ପାପାର୍ଥକ ବଳି ରୂପେ ଏକବର୍ଷୀୟ ଏକ ଛାଗବତ୍ସା ଆଣିବ ।
\v 28 ପୁଣି, ଯେଉଁ ଲୋକ ଭ୍ରାନ୍ତିରେ ପାପ କରେ, ଯାଜକ ତାହା ପାଇଁ ସଦାପ୍ରଭୁଙ୍କ ସମ୍ମୁଖରେ ପ୍ରାୟଶ୍ଚିତ୍ତ କରଣାର୍ଥେ ସେହି ଭ୍ରାନ୍ତ ପ୍ରାଣୀ ନିମନ୍ତେ ପ୍ରାୟଶ୍ଚିତ୍ତ କରିବ; ତହିଁରେ ସେ କ୍ଷମା ପ୍ରାପ୍ତ ହେବ ।
\v 29 ଇସ୍ରାଏଲ-ସନ୍ତାନଗଣ ମଧ୍ୟରେ ଗୃହଜାତ ଓ ସେମାନଙ୍କ ମଧ୍ୟରେ ପ୍ରବାସକାରୀ ବିଦେଶୀୟ ଲୋକମାନଙ୍କ ନିମନ୍ତେ ଭ୍ରାନ୍ତିରେ କୌଣସି କର୍ମକାରୀର ଏକ ବ୍ୟବସ୍ଥା ହେବ ।
\s5
\v 30 ମାତ୍ର ଯେଉଁ ପ୍ରାଣୀ ଉର୍ଦ୍ଧ୍ୱ ହସ୍ତରେ କୌଣସି (ପାପ) କର୍ମ କରେ, ସେ ଗୃହଜାତ ହେଉ ବା ବିଦେଶୀ ହେଉ, ସଦାପ୍ରଭୁଙ୍କର ନିନ୍ଦା କରେ; ଏଣୁ ସେହି ପ୍ରାଣୀ ଆପଣା ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେବ ।
\v 31 କାରଣ ସେ ସଦାପ୍ରଭୁଙ୍କ ବାକ୍ୟ ଅବଜ୍ଞା କଲା ଓ ତାହାଙ୍କର ଆଜ୍ଞା ଲଙ୍ଘନ କଲା; ସେହି ପ୍ରାଣୀ ନିତାନ୍ତ ଉଚ୍ଛିନ୍ନ ହେବ, ତାହାର ଅପରାଧ ତାହା ଉପରେ ବର୍ତ୍ତିବ ।
\s ବିଶ୍ରାମବାର ଲଂଘନର ଦଣ୍ଡ
\p
\s5
\v 32 ଏଥିଉତ୍ତାରୁ ଇସ୍ରାଏଲ-ସନ୍ତାନଗଣ ପ୍ରାନ୍ତରରେ ଥିବା ସମୟରେ ଏକ ମନୁଷ୍ୟକୁ ବିଶ୍ରାମବାରରେ କାଠ ସାଉଣ୍ଟିବାର ଦେଖିଲେ ।
\v 33 ପୁଣି, ଯେଉଁମାନେ ତାକୁ କାଠ ସାଉଣ୍ଟିବାର ଦେଖିଲେ, ସେମାନେ ମୋଶା, ହାରୋଣ ଓ ସମସ୍ତ ମଣ୍ଡଳୀ ସାକ୍ଷାତକୁ ତାହାକୁ ଆଣିଲେ ।
\v 34 ଆଉ ସେମାନେ ତାହାକୁ ରୁଦ୍ଧ କରି ରଖିଲେ, କାରଣ ତାହା ପ୍ରତି କି କର୍ତ୍ତବ୍ୟ, ତାହା ପ୍ରକାଶ ହୋଇ ନ ଥିଲା ।
\s5
\v 35 ଏଥିରେ ସଦାପ୍ରଭୁ ମୋଶାଙ୍କୁ କହିଲେ, "ସେ ମନୁଷ୍ୟ ଅବଶ୍ୟ ହତ ହେବ; ସମଗ୍ର ମଣ୍ଡଳୀ ତାହାକୁ ଛାଉଣିର ବାହାରେ ପଥର ପକାଇ ବଧ କରିବେ ।"
\v 36 ତହିଁରେ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସମଗ୍ର ମଣ୍ଡଳୀ ତାହାକୁ ଛାଉଣି ବାହାରକୁ ଆଣି ପଥର ପକାଇଲେ, ତହୁଁ ସେ ମଲା ।
\s ବସ୍ତ୍ରରେ ଝାଲର ବିଷୟକ ନିୟମ
\p
\s5
\v 37 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
\v 38 "ଇସ୍ରାଏଲ-ସନ୍ତାନଗଣଙ୍କୁ କୁହ ଓ ସେମାନଙ୍କୁ ଏହି ଆଜ୍ଞା ଦିଅ, ସେମାନେ ପୁରୁଷାନୁକ୍ରମେ ଆପଣା ଆପଣା ବସ୍ତ୍ରର ଅଞ୍ଚଳରେ ଝାଲର ପ୍ରସ୍ତୁତ କରନ୍ତୁ ଓ ପ୍ରତ୍ୟେକ ଅଞ୍ଚଳର ଝାଲର ଉପରେ ନୀଳ ସୂତ୍ର ଦିଅନ୍ତୁ;
\v 39 ତୁମ୍ଭେମାନେ ଯେପରି ସେହି ଝାଲର ଦେଖି ସଦାପ୍ରଭୁଙ୍କର ସମସ୍ତ ଆଜ୍ଞା ସ୍ମରଣ କରି ପାଳନ କରିବ ଓ ତୁମ୍ଭେମାନେ ଆପଣା ଆପଣାର ଯେଉଁ ମନ ଓ ଚକ୍ଷୁ ଅନୁସାରେ ବ୍ୟଭିଚାର କରିଥାଅ, ତଦନୁସାରେ ଯେପରି ଭ୍ରମଣ ନ କରିବ,
\s5
\v 40 ଆମ୍ଭର ସମସ୍ତ ଆଜ୍ଞା ସ୍ମରଣ କରି ପାଳନ କରିବ ଓ ଯେପରି ଆପଣାମାନଙ୍କ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ପବିତ୍ର ହେବ, ଏଥିପାଇଁ ସେହି ଝାଲର ହେବ ।
\v 41 ତୁମ୍ଭମାନଙ୍କ ପରମେଶ୍ୱର ସଦାପ୍ରଭୁ, ଆମ୍ଭେ, ତୁମ୍ଭମାନଙ୍କର ପରମେଶ୍ୱର ହେବା ନିମନ୍ତେ ମିସର ଦେଶରୁ ତୁମ୍ଭମାନଙ୍କୁ ବାହାର କରି ଆଣିଅଛୁ; ଆମ୍ଭେ ତୁମ୍ଭମାନଙ୍କର ପରମେଶ୍ୱର ସଦାପ୍ରଭୁ ଅଟୁ ।
\s5
\c 16
\s କୋରହ, ଦାଥନ ଓ ଅବୀରାମର ବିଦ୍ରୋହ
\p
\v 1 ଏଥିଉତ୍ତାରେ ଲେବୀର ପ୍ରପୌତ୍ର, କହାତର ପୌତ୍ର, ଯିଷ୍‍ହରର ପୁତ୍ର କୋରହ, ପୁଣି, ରୁବେନର ସନ୍ତାନଗଣ ମଧ୍ୟରୁ ଇଲୀୟାବର ପୁତ୍ର ଦାଥନ୍‍, ଅବୀରାମ ଓ ପେଲତର ପୁତ୍ର ଓନ୍‍, ଦଳ ବାନ୍ଧିଲେ;
\v 2 ପୁଣି, ସେମାନେ ଇସ୍ରାଏଲ-ସନ୍ତାନଗଣ ମଧ୍ୟରୁ ସୁଖ୍ୟାତିମନ୍ତ ଓ ସମାଜକୁ ଆହୂତ ମଣ୍ଡଳୀର ଦୁଇ ଶହ ପଚାଶ ଅଧିପତିଙ୍କ ସହିତ ମୋଶାଙ୍କ ବିରୁଦ୍ଧରେ ଉଠିଲେ ।
\v 3 ଆଉ ସେମାନେ ମୋଶା ଓ ହାରୋଣଙ୍କ ବିରୁଦ୍ଧରେ ଏକତ୍ର ହୋଇ ସେମାନଙ୍କୁ କହିଲେ, "ତୁମ୍ଭେମାନେ ଆପଣାମାନଙ୍କ ଉପରେ ବହୁତ ନେଲଣି, ସମସ୍ତ ମଣ୍ଡଳୀର ପ୍ରତ୍ୟେକ ଜଣ ତ ପବିତ୍ର, ପୁଣି, ସଦାପ୍ରଭୁ ସେମାନଙ୍କ ମଧ୍ୟରେ ଅଛନ୍ତି, ତେବେ କାହିଁକି ତୁମ୍ଭେମାନେ ସଦାପ୍ରଭୁଙ୍କ ସମାଜ ଉପରେ ଆପଣାମାନଙ୍କୁ ଉନ୍ନତ କରୁଅଛ"?
\s5
\v 4 ତହୁଁ ମୋଶା ତାହା ଶୁଣି ମୁହଁମାଡ଼ି ପଡ଼ିଲେ;
\v 5 ପୁଣି, ସେ କୋରହକୁ ଓ ତାହାର ଦଳସ୍ଥ ସମସ୍ତଙ୍କୁ କହିଲେ, “କିଏ ତାହାଙ୍କର ଲୋକ ଓ କିଏ ପବିତ୍ର, ଏହା ସଦାପ୍ରଭୁ କାଲି ଦେଖାଇବେ, ପୁଣି, ସେ ତାହାକୁ ଆପଣା ନିକଟକୁ ଆଣିବେ; ସେ ଯାହାକୁ ମନୋନୀତ କରିବେ, ତାହାକୁ ଆପଣା ନିକଟକୁ ଆଣିବେ ।
\s5
\v 6 ତେବେ ଏହା କର, ତୁମ୍ଭେମାନେ ଅଙ୍ଗାରଧାନୀ ନିଅ, କୋରହ ଓ ତାହାର ଦଳସ୍ଥ ସମସ୍ତେ;
\v 7 ପୁଣି, କାଲି ତହିଁରେ ଅଗ୍ନି ଦିଅ, ସଦାପ୍ରଭୁଙ୍କ ସମ୍ମୁଖରେ ତହିଁ ଉପରେ ଧୂପ ଥୁଅ; ତହିଁରେ ସଦାପ୍ରଭୁ ଯେଉଁ ବ୍ୟକ୍ତିକୁ ମନୋନୀତ କରିବେ, ସେ ହିଁ ପବିତ୍ର ହେବ; ହେ ଲେବୀର ପୁତ୍ରମାନେ, ତୁମ୍ଭେମାନେ ଆପଣାମାନଙ୍କ ଉପରେ ବହୁତ ନେଲଣି ।”
\s5
\v 8 ଆଉ ମୋଶା କୋରହକୁ କହିଲେ, "ହେ ଲେବୀର ସନ୍ତାନଗଣ, ତୁମ୍ଭେମାନେ ଟିକିଏ ଶୁଣ ।
\v 9 ଇସ୍ରାଏଲଙ୍କର ପରମେଶ୍ୱର ଯେ ତୁମ୍ଭମାନଙ୍କୁ ଇସ୍ରାଏଲ-ମଣ୍ଡଳୀରୁ ପୃଥକ୍ କରି ସଦାପ୍ରଭୁଙ୍କ ଆବାସର ସେବା କରିବା ନିମନ୍ତେ ଓ ମଣ୍ଡଳୀ ସମ୍ମୁଖରେ ଠିଆ ହୋଇ ସେବା କରିବା ନିମନ୍ତେ ଆପଣାର ନିକଟବର୍ତ୍ତୀ କରି ଅଛନ୍ତି,
\v 10 ପୁଣି, ସେ ଯେ ତୁମ୍ଭଙ୍କୁ ଓ ତୁମ୍ଭ ସହିତ ତୁମ୍ଭର ସମସ୍ତ ଭ୍ରାତା ଲେବୀର ସନ୍ତାନଗଣକୁ ଆପଣାର ନିକଟବର୍ତ୍ତୀ କରିଅଛନ୍ତି, ଏହା କି ତୁମ୍ଭମାନଙ୍କ ଦୃଷ୍ଟିରେ କ୍ଷୁଦ୍ର ବିଷୟ ? ଆହୁରି କି ତୁମ୍ଭେମାନେ ଯାଜକତ୍ୱର ଚେଷ୍ଟା କରୁଅଛ ?
\v 11 ଏଥିପାଇଁ ସିନା ତୁମ୍ଭେ ଓ ତୁମ୍ଭର ଦଳସ୍ଥ ସମସ୍ତେ ସଦାପ୍ରଭୁଙ୍କ ବିରୁଦ୍ଧରେ ଏକମେଳି ହୋଇଅଛ; ଯେହେତୁ ହାରୋଣ କିଏ ଯେ, ତୁମ୍ଭେମାନେ ତାଙ୍କର ବିରୁଦ୍ଧରେ ବଚସା କରୁଅଛ ?
\s5
\v 12 ତହିଁରେ ମୋଶା ଇଲୀୟାବର ପୁତ୍ର ଦାଥନକୁ ଓ ଅବୀରାମକୁ ଡାକିବା ପାଇଁ ଲୋକ ପଠାଇଲେ; ମାତ୍ର ସେମାନେ କହିଲେ, "ଆମ୍ଭେମାନେ ଯିବା ନାହିଁ ।
\v 13 ତୁମ୍ଭେ ଆମ୍ଭମାନଙ୍କୁ ଦୁଗ୍ଧ ଓ ମଧୁ ପ୍ରବାହୀ ଦେଶରୁ ବାହାର କରି ଏହି ପ୍ରାନ୍ତରରେ ମାରିବାକୁ ଆଣିଅଛ, ଏହା କି କ୍ଷୁଦ୍ର ବିଷୟ ? ଆହୁରି ତୁମ୍ଭେ ଆପଣାକୁ ଆମ୍ଭମାନଙ୍କ ଉପରେ ରାଜା କରୁଅଛ ।
\v 14 ତାହା ବ୍ୟତୀତ ତୁମ୍ଭେ ଦୁଗ୍ଧମଧୁପ୍ରବାହୀ ଦେଶକୁ ଆମ୍ଭମାନଙ୍କୁ ଆଣି ନାହଁ, କିଅବା ଶସ୍ୟକ୍ଷେତ୍ର ଓ ଦ୍ରାକ୍ଷାକ୍ଷେତ୍ରର ଅଧିକାର ଆମ୍ଭମାନଙ୍କୁ ଦେଇ ନାହିଁ; ତୁମ୍ଭେ କି ଏହି ସମସ୍ତ ଲୋକଙ୍କର ଆଖି ଉପାଡ଼ି ପକାଇବ ? ଆମ୍ଭେମାନେ ଯିବା ନାହିଁ ।"
\s5
\v 15 ତହିଁରେ ମୋଶା ଅତିଶୟ କ୍ରୋଧାନ୍ୱିତ ହୋଇ ଉଠିଲେ, ପୁଣି, ସେ ସଦାପ୍ରଭୁଙ୍କୁ କହିଲେ, "ତୁମ୍ଭେ ସେମାନଙ୍କର ନୈବେଦ୍ୟ ଗ୍ରହଣ କର ନାହିଁ; ଆମ୍ଭେ ସେମାନଙ୍କଠାରୁ ଗୋଟିଏ ଗଧ ନେଇ ନାହୁଁ, ଅବା ସେମାନଙ୍କ ମଧ୍ୟରୁ କାହାକୁ ହିଁ ହିଂସା କରି ନାହୁଁ ।"
\v 16 ତେବେ ମୋଶା କୋରହକୁ କହିଲେ, "କାଲି ତୁମ୍ଭେ ଓ ତୁମ୍ଭର ସମସ୍ତ ମଣ୍ଡଳୀ, ତୁମ୍ଭେ ଓ ସେମାନେ, ପୁଣି, ହାରୋଣ, ସଦାପ୍ରଭୁଙ୍କ ସମ୍ମୁଖରେ ଉପସ୍ଥିତ ହୁଅ;
\v 17 ତୁମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା ଅଙ୍ଗାରଧାନୀ ନିଅ ଓ ତହିଁ ଉପରେ ଧୂପ ଥୁଅ, ପୁଣି, ତୁମ୍ଭେମାନେ ପ୍ରତ୍ୟେକ ଜଣ ସଦାପ୍ରଭୁଙ୍କ ସମ୍ମୁଖକୁ ଆପଣା ଆପଣା ଅଙ୍ଗାରଧାନୀ, ଦୁଇ ଶହ ପଚାଶ ଅଙ୍ଗାରଧାନୀ ଆଣ; ମଧ୍ୟ ତୁମ୍ଭେ ଓ ହାରୋଣ, ଦୁହେଁ ଆପଣା ଆପଣା ଅଙ୍ଗାରଧାନୀ ଆଣ ।
\s5
\v 18 ଏଥିରେ ସେମାନେ ପ୍ରତ୍ୟେକେ ଆପଣା ଆପଣା ଅଙ୍ଗାରଧାନୀ ନେଇ ତହିଁରେ ଅଗ୍ନି ଦେଲେ, ପୁଣି, ତହିଁ ଉପରେ ଧୂପ ଥୋଇ ମୋଶା ଓ ହାରୋଣଙ୍କ ସହିତ ସମାଗମ-ତମ୍ବୁ ଦ୍ୱାର ନିକଟରେ ଠିଆ ହେଲେ ।
\v 19 ପୁଣି, କୋରହ ସମାଗମ-ତମ୍ବୁ ଦ୍ୱାର ନିକଟରେ ସେମାନଙ୍କ ପ୍ରତିକୂଳରେ ସମସ୍ତ ମଣ୍ଡଳୀକୁ ଏକତ୍ର କଲା; ସେତେବେଳେ ସମସ୍ତ ମଣ୍ଡଳୀ ପ୍ରତି ସଦାପ୍ରଭୁଙ୍କ ପ୍ରତାପ ପ୍ରକାଶିତ ହେଲା ।
\s5
\v 20 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ ଓ ହାରୋଣଙ୍କୁ କହିଲେ,
\v 21 "ତୁମ୍ଭେମାନେ ଏହି ମଣ୍ଡଳୀ ମଧ୍ୟରୁ ଆପଣାମାନଙ୍କୁ ପୃଥକ୍ କର, ତହିଁରେ ଆମ୍ଭେ ଏକ ନିମିଷରେ ସେମାନଙ୍କୁ ସଂହାର କରିବା ।"
\v 22 ତହିଁରେ ସେମାନେ ମୁହଁ ମାଡ଼ି ପଡ଼ି କହିଲେ, "ହେ ପରମେଶ୍ୱର, ହେ ସମସ୍ତ ଶରୀରସ୍ଥ ଆତ୍ମାର ପରମେଶ୍ୱର, ଏକ ଜଣ ପାପ କଲେ କି ତୁମ୍ଭେ ସମସ୍ତ ମଣ୍ଡଳୀ ଉପରେ କୋପାନ୍ୱିତ ହେବ"?
\s5
\v 23 ତହୁଁ ସଦାପ୍ରଭୁ ମୋଶାଙ୍କୁ କହିଲେ,
\v 24 "ତୁମ୍ଭେ ମଣ୍ଡଳୀକୁ କୁହ, ତୁମ୍ଭେମାନେ କୋରହର, ଦାଥନର ଓ ଅବୀରାମର ଆବାସ-ଚତୁର୍ଦ୍ଦିଗରୁ ଉଠି ଯାଅ ।"
\s5
\v 25 ତହିଁରେ ମୋଶା ଉଠି ଦାଥନ ଓ ଅବୀରାମ ନିକଟକୁ ଗଲେ ଓ ଇସ୍ରାଏଲର ପ୍ରାଚୀନବର୍ଗ ତାଙ୍କର ପଶ୍ଚାଦ୍‍ଗମନ କଲେ ।
\v 26 ତହୁଁ ସେ ମଣ୍ଡଳୀକୁ କହିଲେ, "ବିନୟ କରୁଅଛି, ତୁମ୍ଭେମାନେ ଏହି ଦୁଷ୍ଟ ଲୋକମାନଙ୍କ ତମ୍ବୁରୁ ଉଠି ଯାଅ ଓ ସେମାନଙ୍କର କିଛିମାତ୍ର ସ୍ପର୍ଶ କର ନାହିଁ, ନୋହିଲେ ତୁମ୍ଭେମାନେ ସେମାନଙ୍କ ପାପସମୂହରେ ବିନଷ୍ଟ ହେବ ।"
\v 27 ଏଥିରେ ସେମାନେ କୋରହର, ଦାଥନର ଓ ଅବୀରାମର ଆବାସ-ଚତୁର୍ଦ୍ଦିଗରୁ ଉଠିଗଲେ ପୁଣି, ଦାଥନ ଓ ଅବୀରାମ ବାହାରକୁ ଆସି ଆପଣା ଆପଣା ଭାର୍ଯ୍ୟା ଓ ପୁତ୍ର ଓ ପିଲାମାନଙ୍କ ସହିତ ଆପଣା ଆପଣା ତମ୍ବୁଦ୍ୱାରରେ ଠିଆ ହୋଇ ରହିଲେ ।
\s5
\v 28 ତହୁଁ ମୋଶା କହିଲେ, "ଏହି ସମସ୍ତ କାର୍ଯ୍ୟ କରିବା ପାଇଁ ସଦାପ୍ରଭୁ ମୋତେ ପଠାଇଅଛନ୍ତି; ମୁଁ ଆପଣା ନିଜ ମନରୁ ତାହା ସବୁ କରି ନାହିଁ, ତାହା ଏଥିରେ ତୁମ୍ଭେମାନେ ଜାଣିବ ।"
\v 29 ଯଦି ଏହି ଲୋକମାନେ ସମସ୍ତ ଲୋକଙ୍କ ସାଧାରଣ ମରଣରେ ମରନ୍ତି, କିଅବା ଯଦି ସମସ୍ତ ଲୋକଙ୍କ ଦଣ୍ଡ ଅନୁସାରେ ସେମାନଙ୍କ ଉପରେ ଦଣ୍ଡ ଘଟେ; ତେବେ ସଦାପ୍ରଭୁ ମୋତେ ପଠାଇ ନାହାନ୍ତି ।
\v 30 ମାତ୍ର ସଦାପ୍ରଭୁ ଯଦି କୌଣସି ନୂତନ କର୍ମ କରନ୍ତି ଓ ପୃଥିବୀ ଆପଣା ମୁଖ ବିସ୍ତାର କରି ସେମାନଙ୍କୁ ଓ ସେମାନଙ୍କ ସର୍ବସ୍ୱ ଗ୍ରାସ କରେ ଓ ସେମାନେ ଜୀଅନ୍ତା ହୋଇ ପାତାଳକୁ ଧସି ଯାଆନ୍ତି; ତେବେ ସେମାନେ ଯେ ସଦାପ୍ରଭୁଙ୍କୁ ଅବଜ୍ଞା କରିଅଛନ୍ତି, ତାହା ତୁମ୍ଭେମାନେ ବୁଝିବ ।
\s5
\v 31 ଏଥିଉତ୍ତାରେ ଏପରି ହେଲା ଯେ, ସେ ଏହି କଥା କହିବାର ସମାପ୍ତ କରନ୍ତେ, ସେମାନଙ୍କ ଅଧଃସ୍ଥ ଭୂମି ଫାଟିଗଲା;
\v 32 ପୁଣି, ପୃଥିବୀ ଆପଣା ମୁଖ ବିସ୍ତାର କରି ସେମାନଙ୍କୁ, ସେମାନଙ୍କ ପରିଜନଗଣକୁ, କୋରହର ସପକ୍ଷ ସମସ୍ତ ଲୋକଙ୍କୁ ଓ ସେମାନଙ୍କ ସକଳ ସମ୍ପତ୍ତି ଗ୍ରାସ କଲା ।
\s5
\v 33 ଏହିରୂପେ ସେମାନେ ଓ ସେମାନଙ୍କର ସମସ୍ତ ପରିଜନ ଜୀଅନ୍ତା ଥାଉ ଥାଉ ପାତାଳକୁ ଧସି ଗଲେ ଓ ପୃଥିବୀ ସେମାନଙ୍କ ଉପରେ ଆଚ୍ଛାଦନ କଲା, ତହିଁରେ ସେମାନେ ସମାଜ ମଧ୍ୟରୁ ଲୁପ୍ତ ହେଲେ ।
\v 34 ପୁଣି, ସେମାନଙ୍କ ରବରେ ସେମାନଙ୍କ ଚତୁର୍ଦ୍ଦିଗସ୍ଥ ସମସ୍ତ ଇସ୍ରାଏଲ ପଳାୟନ କଲେ, ଯେହେତୁ ସେମାନେ କହିଲେ, କେଜାଣି ପୃଥିବୀ ଆମ୍ଭମାନଙ୍କୁ ଗ୍ରାସ କରିବ ।
\v 35 ଏଉତ୍ତାରେ ସଦାପ୍ରଭୁଙ୍କଠାରୁ ଅଗ୍ନି ନିର୍ଗତ ହୋଇ ଧୂପ ଉତ୍ସର୍ଗକାରୀ ସେହି ଦୁଇ ଶହ ପଚାଶ ଲୋକଙ୍କୁ ଗ୍ରାସ କଲା ।
\s5
\v 36 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
\v 37 "ତୁମ୍ଭେ ହାରୋଣ ଯାଜକର ପୁତ୍ର ଇଲୀୟାସରକୁ କୁହ, ସେ ଦାହ ମଧ୍ୟରୁ ସେହିସବୁ ଅଙ୍ଗାରଧାନୀ ବାହାର କରି ନେଉ, ପୁଣି, ତୁମ୍ଭେ ସେହି ଅଗ୍ନି ସେଠାରେ ବିଞ୍ଚି ଦିଅ; କାରଣ ସେହିସବୁ ପବିତ୍ର;
\v 38 ଆପଣା ଆପଣା ପ୍ରାଣର ବିରୁଦ୍ଧରେ ଏହି ପାପ- କର୍ମକାରୀମାନଙ୍କର ଅଙ୍ଗାରଧାନୀ ହିଁ (ପବିତ୍ର); ଏଣୁ ତାହା ସବୁ ଯଜ୍ଞବେଦିର ମଣ୍ଡଣି ନିମନ୍ତେ ପିଟାପାତ୍ର କରାଯାଉ; ସେମାନେ ସଦାପ୍ରଭୁଙ୍କ ସମ୍ମୁଖରେ ତାହାସବୁ ଉତ୍ସର୍ଗ କରିଥିଲେ, ଏହି କାରଣରୁ ତାହାସବୁ ପବିତ୍ର; ପୁଣି, ତାହାସବୁ ଇସ୍ରାଏଲ-ସନ୍ତାନଗଣ ପ୍ରତି ଚିହ୍ନ ସ୍ୱରୂପ ହେବ ।"
\s5
\v 39 ତହିଁରେ ସେହି ଦଗ୍ଧ ଲୋକମାନେ ଯେଉଁ ଯେଉଁ ପିତ୍ତଳ ଅଙ୍ଗାରଧାନୀ ଉତ୍ସର୍ଗ କରିଥିଲେ, ଇଲୀୟାସର ଯାଜକ ସେହିସବୁ ନେଲା;
\v 40 ମୋଶାଙ୍କ ଦ୍ୱାରା ସଦାପ୍ରଭୁ ଯେରୂପ କହିଥିଲେ, ତଦନୁସାରେ ଇସ୍ରାଏଲ-ସନ୍ତାନଗଣର ସ୍ମରଣାର୍ଥେ, ଅର୍ଥାତ୍‍, ହାରୋଣ ବଂଶ ଭିନ୍ନ ଅନ୍ୟ ବଂଶୀୟ କୌଣସି ମନୁଷ୍ୟ ସଦାପ୍ରଭୁଙ୍କ ସମ୍ମୁଖରେ ଧୂପ ଜାଳିବା ପାଇଁ ଯେପରି ନିକଟକୁ ନ ଯାଏ; ପୁଣି, କୋରହ ଓ ତାହାର ଦଳସ୍ଥ ଲୋକମାନଙ୍କ ପରି ନ ହୁଏ; ଏଥିପାଇଁ ଲୋକେ ଯଜ୍ଞବେଦିର ମଣ୍ଡଣି ନିମନ୍ତେ ତାହାସବୁ ପିଟିଲେ ।
\s5
\v 41 ତଥାପି ଆରଦିନ ଇସ୍ରାଏଲ-ସନ୍ତାନଗଣର ସମସ୍ତ ମଣ୍ଡଳୀ ମୋଶାଙ୍କ ବିରୁଦ୍ଧରେ ଓ ହାରୋଣଙ୍କ ବିରୁଦ୍ଧରେ ବଚସା କରି କହିଲେ, "ତୁମ୍ଭେମାନେ ସଦାପ୍ରଭୁଙ୍କ ଲୋକମାନଙ୍କୁ ବଧ କଲ ।"
\v 42 ତହୁଁ ସମସ୍ତ ମଣ୍ଡଳୀ ମୋଶାଙ୍କ ବିରୁଦ୍ଧରେ ଓ ହାରୋଣଙ୍କ ବିରୁଦ୍ଧରେ ଏକତ୍ର ହେବା ସମୟରେ ସେମାନେ ସମାଗମ-ତମ୍ବୁ ଆଡ଼େ ଅନାଇଲେ; ଆଉ ଦେଖ, ମେଘ ତାହା ଆଚ୍ଛାଦନ କରିଅଛି ଓ ସଦାପ୍ରଭୁଙ୍କ ପ୍ରତାପ ପ୍ରତ୍ୟକ୍ଷ ହୋଇଅଛି ।
\v 43 ସେତେବେଳେ ମୋଶା ଓ ହାରୋଣ ସମାଗମ-ତମ୍ବୁ ସମ୍ମୁଖକୁ ଆସିଲେ ।
\s5
\v 44 ତହିଁରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
\v 45 "ତୁମ୍ଭେମାନେ ଏହି ମଣ୍ଡଳୀ ମଧ୍ୟରୁ ଉଠିଯାଅ, ଆମ୍ଭେ ଏକ ନିମିଷରେ ସେମାନଙ୍କୁ ସଂହାର କରିବା; ଏଥିରେ ସେମାନେ ମୁହଁମାଡ଼ି ପଡ଼ିଲେ ।"
\v 46 ତହୁଁ ମୋଶା ହାରୋଣଙ୍କୁ କହିଲେ, "ତୁମ୍ଭେ ଆପଣା ଅଙ୍ଗାରଧାନୀ ନେଇ ତହିଁ ମଧ୍ୟରେ ଯଜ୍ଞବେଦିରୁ ଅଗ୍ନି ଦିଅ, ପୁଣି, ତହିଁ ଉପରେ ଧୂପ ଥୋଇ ଶୀଘ୍ର ମଣ୍ଡଳୀ ନିକଟକୁ ଯାଇ ସେମାନଙ୍କ ନିମନ୍ତେ ପ୍ରାୟଶ୍ଚିତ୍ତ କର; କାରଣ ସଦାପ୍ରଭୁଙ୍କଠାରୁ କ୍ରୋଧ ନିର୍ଗତ ହୋଇଅଛି; ମହାମାରୀ ଆରମ୍ଭ ହେଲାଣି ।"
\s5
\v 47 ତହିଁରେ ହାରୋଣ ମୋଶାଙ୍କର କଥା ଅନୁସାରେ ତାହା ନେଇ ସମାଜ ମଧ୍ୟକୁ ଦୌଡ଼ି ଗଲେ; ସେହି ସମୟରେ ଦେଖ, ଲୋକମାନଙ୍କ ମଧ୍ୟରେ ମହାମାରୀ ଆରମ୍ଭ ହୋଇଥିଲା; ତହିଁରେ ସେ ଧୂପ ଦେଇ ଲୋକମାନଙ୍କ ନିମନ୍ତେ ପ୍ରାୟଶ୍ଚିତ୍ତ କଲେ ।
\v 48 ପୁଣି, ସେ ମୃତ ଓ ଜୀବିତ ଲୋକମାନଙ୍କ ମଧ୍ୟରେ ଠିଆ ହେଲେ ତହିଁରେ ମହାମାରୀ ନିବୃତ୍ତ ହେଲା ।
\s5
\v 49 ଯେଉଁମାନେ କୋରହର କଥା ସକାଶୁ ମରିଥିଲେ, ସେମାନଙ୍କ ବ୍ୟତୀତ ଚଉଦ ହଜାର ସାତ ଶହ ଲୋକ ଏହି ମହାମାରୀରେ ମଲେ ।
\v 50 ପୁଣି, ମହାମାରୀ ନିବୃତ୍ତ ହୁଅନ୍ତେ, ହାରୋଣ ସମାଗମ-ତମ୍ବୁ ଦ୍ୱାରରେ ମୋଶାଙ୍କ ନିକଟକୁ ଫେରି ଆସିଲେ ।
\s5
\c 17
\s ହାରୋଣଙ୍କ ଅଙ୍କୁରିତ ଯଷ୍ଟି
\p
\v 1 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
\v 2 "ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ କଥା କୁହ, ସେମାନଙ୍କ ପିତୃଗୃହର ଅଧ୍ୟକ୍ଷମାନଙ୍କଠାରୁ ପ୍ରତ୍ୟେକ ପିତୃଗୃହ ନିମନ୍ତେ ଏକ ଏକ ଯଷ୍ଟି, ଏହିରୂପେ ବାର ଯଷ୍ଟି ଗ୍ରହଣ କର; ତୁମ୍ଭେ ପ୍ରତ୍ୟେକର ଯଷ୍ଟିରେ ପ୍ରତ୍ୟେକ ଲୋକର ନାମ ଲେଖ ।
\s5
\v 3 ପୁଣି, ତୁମ୍ଭେ ଲେବୀର ଯଷ୍ଟିରେ ହାରୋଣର ନାମ ଲେଖିବ; କାରଣ ସେମାନଙ୍କ ପ୍ରତ୍ୟେକ ପିତୃଗୃହର ଅଧ୍ୟକ୍ଷ ନିମନ୍ତେ ଏକ ଏକ ଯଷ୍ଟି ହେବ ।
\v 4 ଆଉ ସମାଗମ-ତମ୍ବୁର ଯେଉଁ ସ୍ଥାନରେ ଆମ୍ଭେ ତୁମ୍ଭମାନଙ୍କ ସହିତ ସାକ୍ଷାତ କରୁ, ସେହି ସ୍ଥାନରେ ସାକ୍ଷ୍ୟ-ସିନ୍ଦୁକ ସମ୍ମୁଖରେ ତୁମ୍ଭେ ସେହିସବୁ ରଖିବ ।
\v 5 ଏହା କଲା ଉତ୍ତାରେ, ଆମ୍ଭେ ଯେଉଁ ବ୍ୟକ୍ତିକୁ ମନୋନୀତ କରିବା, ତାହାର ଯଷ୍ଟି ପୁଷ୍ପିତ ହେବ; ତହିଁରେ ଇସ୍ରାଏଲ-ସନ୍ତାନଗଣ ତୁମ୍ଭମାନଙ୍କ ବିରୁଦ୍ଧରେ ଯେଉଁ ବଚସା କରନ୍ତି, ସେହି ବଚସା ଆମ୍ଭେ ଆପଣା ନିକଟରୁ ନିବୃତ୍ତ କରାଇବା ।"
\s5
\v 6 ଏଥିରେ ମୋଶା ଇସ୍ରାଏଲ-ସନ୍ତାନଗଣକୁ କହନ୍ତେ, ସେମାନଙ୍କର ଅଧ୍ୟକ୍ଷ ସମସ୍ତେ ଆପଣା ଆପଣା ପିତୃଗୃହ ଅନୁସାରେ ପ୍ରତ୍ୟେକ ଅଧ୍ୟକ୍ଷ ନିମନ୍ତେ ଏକ ଏକ ଯଷ୍ଟି, ଏହିରୂପେ ବାର ଯଷ୍ଟି ତାଙ୍କୁ ଦେଲେ; ପୁଣି, ହାରୋଣଙ୍କର ଯଷ୍ଟି ସେମାନଙ୍କ ଯଷ୍ଟିସକଳର ମଧ୍ୟରେ ଥିଲା ।
\v 7 ତହୁଁ ମୋଶା ସାକ୍ଷ୍ୟତମ୍ବୁରେ ସଦାପ୍ରଭୁଙ୍କ ସମ୍ମୁଖରେ ସେହି ସମସ୍ତ ଯଷ୍ଟି ରଖିଲେ ।
\s5
\v 8 ଏଥିଉତ୍ତାରେ ଆର ଦିନ ମୋଶା ସାକ୍ଷ୍ୟତମ୍ବୁରେ ପ୍ରବେଶ କଲେ; ଆଉ ଦେଖ, ଲେବୀ ଗୃହ ନିମନ୍ତେ ଥିବା ହାରୋଣଙ୍କର ଯଷ୍ଟି ଅଙ୍କୁରିତ ହୋଇଅଛି, ପୁଣି, ଅଙ୍କୁର ବାହାର ହେଲା, ପୁଷ୍ପ ଫୁଟିଲା ଓ ପକ୍ୱ ବାଦାମ ଫଳିଲା ।
\v 9 ତେବେ ମୋଶା ସଦାପ୍ରଭୁଙ୍କ ସମ୍ମୁଖରୁ ସେହି ସକଳ ଯଷ୍ଟି ବାହାର କରି ଇସ୍ରାଏଲର ସମସ୍ତ ସନ୍ତାନଗଣର ସାକ୍ଷାତକୁ ଆଣିଲେ; ପୁଣି, ସେମାନେ ତାହା ଦେଖି ପ୍ରତ୍ୟେକେ ଆପଣା ଆପଣା ଯଷ୍ଟି ନେଲେ ।
\s5
\v 10 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, "ଆମ୍ଭ ବିରୁଦ୍ଧରେ ଏହି ବିଦ୍ରୋହୀ ସନ୍ତାନଗଣର ବଚସା ଯେପରି ନିବୃତ୍ତ ହୁଏ ଓ ସେମାନଙ୍କର ମୃତ୍ୟୁ ନ ହୁଏ, ଏଥିପାଇଁ ସେମାନଙ୍କ ବିରୁଦ୍ଧରେ ଚିହ୍ନ ସ୍ୱରୂପେ ରଖାଯିବା ନିମନ୍ତେ ତୁମ୍ଭେ ହାରୋଣଙ୍କ-ଯଷ୍ଟି ସାକ୍ଷ୍ୟ-ସିନ୍ଦୁକ ସମ୍ମୁଖରେ ରଖ ।"
\v 11 ମୋଶା ସେରୂପ କଲେ; ସଦାପ୍ରଭୁ ତାଙ୍କୁ ଯେପରି ଆଜ୍ଞା ଦେଲେ, ସେ ସେହିପରି କଲେ ।
\s5
\v 12 ଏଥିଉତ୍ତାରେ ଇସ୍ରାଏଲ-ସନ୍ତାନଗଣ ମୋଶାଙ୍କୁ କହିଲେ, "ଦେଖ, ଆମ୍ଭମାନଙ୍କର ପ୍ରାଣ ଯାଉଛି, ଆମ୍ଭେମାନେ ଉଚ୍ଛିନ୍ନ ହେଉ, ଆମ୍ଭେ ସମସ୍ତେ ଉଚ୍ଛିନ୍ନ ହେଉ ।
\v 13 ଯେକେହି ନିକଟକୁ ଆସୁଅଛି, ଅର୍ଥାତ୍‍, ସଦାପ୍ରଭୁଙ୍କ ଆବାସ ନିକଟକୁ ଆସୁଅଛି, ସେ ମରୁଅଛି; ଆମ୍ଭେ ସମସ୍ତେ କି ପ୍ରାଣ ଛାଡ଼ି ଉଚ୍ଛିନ୍ନ ହେବା "?
\s5
\c 18
\s ଲେବୀ ଓ ଯାଜକଙ୍କ କାର୍ଯ୍ୟ
\p
\v 1 ଏଥିଉତ୍ତାରେ ସଦାପ୍ରଭୁ ହାରୋଣଙ୍କୁ କହିଲେ, "ତୁମ୍ଭେ ଓ ତୁମ୍ଭ ସହିତ ତୁମ୍ଭ ପୁତ୍ରଗଣ ଓ ତୁମ୍ଭର ପିତୃବଂଶ, ତୁମ୍ଭେମାନେ ପବିତ୍ର ସ୍ଥାନଘଟିତ ଅପରାଧ ବହିବ; ପୁଣି, ତୁମ୍ଭେ ଓ ତୁମ୍ଭ ସହିତ ତୁମ୍ଭ ପୁତ୍ରଗଣ ଯାଜକତ୍ୱ-ପଦଘଟିତ ଅପରାଧ ବହିବ ।
\v 2 ଆଉ ତୁମ୍ଭେ ଲେବୀ ବଂଶୀୟ ତୁମ୍ଭର ଭ୍ରାତୃଗଣକୁ, ଅର୍ଥାତ୍‍, ତୁମ୍ଭର ପିତୃବଂଶୀୟମାନଙ୍କୁ ଆପଣା ସଙ୍ଗେ ନିକଟକୁ ଆଣ, ସେମାନେ ତୁମ୍ଭ ସହିତ ଯୋଗ ଦେବେ ଓ ତୁମ୍ଭର ସେବା କରିବେ; ମାତ୍ର ତୁମ୍ଭେ ଓ ତୁମ୍ଭ ସହିତ ତୁମ୍ଭ ପୁତ୍ରଗଣ ସାକ୍ଷ୍ୟତମ୍ବୁ ସମ୍ମୁଖରେ ରହିବ ।
\s5
\v 3 ପୁଣି, ସେମାନେ ତୁମ୍ଭର ରକ୍ଷଣୀୟ ଓ ସମୁଦାୟ ତମ୍ବୁର ରକ୍ଷଣୀୟ ରକ୍ଷା କରିବେ; ଯେପରି ସେମାନେ, ଅବା ତୁମ୍ଭେମାନେ ନ ମର, ଏଥିପାଇଁ ସେମାନେ କେବଳ ପବିତ୍ର ସ୍ଥାନର ପାତ୍ର ନିକଟକୁ ଓ ବେଦି ନିକଟକୁ ଯିବେ ନାହିଁ ।
\v 4 ସେମାନେ ତୁମ୍ଭ ସହିତ ଯୋଗ ଦେଇ ତମ୍ବୁର ସମସ୍ତ ସେବାକର୍ମ ଅନୁସାରେ ସମାଗମ-ତମ୍ବୁର ରକ୍ଷଣୀୟ ରକ୍ଷା କରିବେ, ଆଉ କୌଣସି ଅନ୍ୟ ବଂଶୀୟ ଲୋକ ସେମାନଙ୍କ ନିକଟକୁ ଯିବ ନାହିଁ ।
\v 5 ପୁଣି, ଇସ୍ରାଏଲ-ସନ୍ତାନଗଣ ପ୍ରତି ଯେପରି ଆଉ କ୍ରୋଧ ଉପସ୍ଥିତ ନ ହୁଏ, ଏଥିପାଇଁ ତୁମ୍ଭେମାନେ ପବିତ୍ର ସ୍ଥାନର ରକ୍ଷଣୀୟ ଓ ବେଦିର ରକ୍ଷଣୀୟ ରକ୍ଷା କରିବ ।
\s5
\v 6 ଆଉ ଆମ୍ଭେ, ଦେଖ, ଆମ୍ଭେ ଇସ୍ରାଏଲ-ସନ୍ତାନଗଣ ମଧ୍ୟରୁ ତୁମ୍ଭମାନଙ୍କର ଭ୍ରାତୃଗଣ ଲେବୀୟମାନଙ୍କୁ ଗ୍ରହଣ କରିଅଛୁ, ସେମାନେ ସମାଗମ-ତମ୍ବୁର ସେବାକର୍ମ ନିମନ୍ତେ ତୁମ୍ଭମାନଙ୍କ ପ୍ରତି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଦତ୍ତ ଦାନ ଅଟନ୍ତି ।
\v 7 ଏଣୁ ତୁମ୍ଭେ ଓ ତୁମ୍ଭ ସହିତ ତୁମ୍ଭ ପୁତ୍ରଗଣ, ତୁମ୍ଭେମାନେ ବେଦି ସମ୍ବନ୍ଧୀୟ ସକଳ ବିଷୟରେ ଓ ବିଚ୍ଛେଦବସ୍ତ୍ର ଭିତରେ ଆପଣାର ଯାଜକତ୍ୱ ପାଳନ କରିବ ଓ ତୁମ୍ଭେମାନେ ସେବା କରିବ । ଆମ୍ଭେ (ଆପଣା) ଦାନଜନିତ ସେବା ରୂପେ ତୁମ୍ଭମାନଙ୍କୁ ଯାଜକତ୍ୱ ପଦ ଦେଲୁ; ମାତ୍ର ଯେଉଁ ଅନ୍ୟ ବଂଶୀୟ ଲୋକ ନିକଟକୁ ଆସେ, ତାହାର ପ୍ରାଣଦଣ୍ଡ ହେବ ।"
\s ଯାଜକର ଅଂଶ
\p
\s5
\v 8 ଏଥିଉତ୍ତାରେ ସଦାପ୍ରଭୁ ହାରୋଣଙ୍କୁ କହିଲେ, "ଆହୁରି ଆମ୍ଭେ, ଦେଖ, ଆମ୍ଭେ ଆପଣା ଉତ୍ତୋଳନୀୟ ଉପହାର, ଅର୍ଥାତ୍‍, ଇସ୍ରାଏଲ-ସନ୍ତାନଗଣର ସମସ୍ତ ପବିତ୍ରୀକୃତ ଦ୍ରବ୍ୟର ଭାର ତୁମ୍ଭଙ୍କୁ ଦେଲୁ, ତୁମ୍ଭର ଅଭିଷେକ ସକାଶୁ ତୁମ୍ଭକୁ ଓ ତୁମ୍ଭର ସନ୍ତାନଗଣକୁ ଅନନ୍ତକାଳୀନ ଅଧିକାର ନିମନ୍ତେ ତାହାସବୁ ଦେଲୁ ।
\v 9 ଅଗ୍ନିକୃତ ମହାପବିତ୍ର ଉପହାର ମଧ୍ୟରୁ ରକ୍ଷିତ ଏହାସବୁ ତୁମ୍ଭର ହେବ; ଆମ୍ଭ ଉଦ୍ଦେଶ୍ୟରେ ସେମାନେ ଯାହା ଉତ୍ସର୍ଗ କରିବେ, ଏପରି ସେମାନଙ୍କର ପ୍ରତ୍ୟେକ ଉପହାର, ଅର୍ଥାତ୍‍, ସେମାନଙ୍କର ପ୍ରତ୍ୟେକ ଭକ୍ଷ୍ୟ-ନୈବେଦ୍ୟ ଓ ସେମାନଙ୍କର ପ୍ରତ୍ୟେକ ପାପାର୍ଥକ ବଳି ଓ ସେମାନଙ୍କର ପ୍ରତ୍ୟେକ ଦୋଷାର୍ଥକ ବଳି ତୁମ୍ଭ ଓ ତୁମ୍ଭ ପୁତ୍ରଗଣ ନିମନ୍ତେ ମହାପବିତ୍ର ହେବ ।
\s5
\v 10 ତୁମ୍ଭେ ତାହା ମହାପବିତ୍ର ଦ୍ରବ୍ୟ ଭାବି ତହିଁରୁ ଭୋଜନ କରିବ; ପ୍ରତ୍ୟେକ ପୁରୁଷ ତହିଁରୁ ଭୋଜନ କରିବ; ତାହା ତୁମ୍ଭ ପ୍ରତି ପବିତ୍ର ହେବ ।
\v 11 ଆଉ ଏହା ତୁମ୍ଭର ଅଟେ; ଅର୍ଥାତ୍‍, ଇସ୍ରାଏଲ ସନ୍ତାନଗଣଙ୍କର ସମସ୍ତ ଦୋଳନୀୟ ନୈବେଦ୍ୟର ଦାନ ମଧ୍ୟରୁ ଉତ୍ତୋଳନୀୟ ଉପହାର; ଆମ୍ଭେ ଅନନ୍ତକାଳୀନ ଅଧିକାରାର୍ଥେ ତାହାସବୁ ତୁମ୍ଭକୁ ଓ ତୁମ୍ଭ ସହିତ ତୁମ୍ଭର ପୁତ୍ର ଓ କନ୍ୟାଗଣଙ୍କୁ ଦେଲୁ; ତୁମ୍ଭ ଗୃହସ୍ଥିତ ପ୍ରତ୍ୟେକ ଶୁଚି ଲୋକ ତାହା ଭୋଜନ କରିବ ।
\s5
\v 12 ସେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆପଣାମାନଙ୍କର ସମସ୍ତ ଉତ୍ତମ ତୈଳ ଓ ସମସ୍ତ ଉତ୍ତମ ଦ୍ରାକ୍ଷାଫଳ ଓ ଶସ୍ୟ, ଯେଉଁ ଯେଉଁ ପ୍ରଥମଜାତ ଫଳ ଉତ୍ସର୍ଗ କରିବେ, ତାହାସବୁ ଆମ୍ଭେ ତୁମ୍ଭକୁ ଦେଲୁ ।
\v 13 ସେମାନେ ଆପଣା ଆପଣା ଭୂମିରୁ ଉତ୍ପନ୍ନ ଯେଉଁ ସବୁ ପ୍ରଥମ ପକ୍ୱ ଫଳ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରନ୍ତି, ସେହିସବୁ ତୁମ୍ଭର ହେବ; ତୁମ୍ଭ ଗୃହସ୍ଥିତ ପ୍ରତ୍ୟେକ ଶୁଚି ଲୋକ ତାହା ଭୋଜନ କରିବ ।
\s5
\v 14 ଇସ୍ରାଏଲ ମଧ୍ୟରେ ସମସ୍ତ ଉତ୍ସର୍ଗୀକୃତ ବସ୍ତୁ ସବୁ ତୁମ୍ଭର ହେବ ।
\v 15 ସେମାନେ ମନୁଷ୍ୟ କିମ୍ବା ପଶୁମାନଙ୍କ ମଧ୍ୟରୁ ଯେଉଁ ସମସ୍ତ ପ୍ରଥମଜାତ ଗର୍ଭର ଫଳ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରନ୍ତି, ସେହି ସମସ୍ତ ତୁମ୍ଭର ହେବ; ତଥାପି ତୁମ୍ଭେ ମନୁଷ୍ୟର ପ୍ରଥମଜାତକୁ ଅବଶ୍ୟ ମୁକ୍ତ କରିବ, ପୁଣି, ତୁମ୍ଭେ ଅଶୁଚି ପଶୁର ପ୍ରଥମଜାତକୁ ମୁକ୍ତ କରିବ ।
\v 16 ପୁଣି, ଯେଉଁମାନେ ଏକ ମାସ ବୟସ୍କ ଅବଧି ମୁକ୍ତ କରାଯିବେ, ସେହି ସମସ୍ତଙ୍କୁ ତୁମ୍ଭର ନିରୂପଣୀୟ ମୂଲ୍ୟରେ ପବିତ୍ର ସ୍ଥାନର କୋଡ଼ିଏ ଗେରା ପରିମିତ ଶେକଲ ଅନୁସାରେ ପାଞ୍ଚ ଶେକଲ ରୂପାରେ ମୁକ୍ତ କରିବ ।
\s5
\v 17 ମାତ୍ର ତୁମ୍ଭେ ଗୋରୁର ପ୍ରଥମଜାତକୁ ଅବା ମେଷର ପ୍ରଥମଜାତକୁ ଅବା ଛାଗର ପ୍ରଥମଜାତକୁ ମୁକ୍ତ କରିବ ନାହିଁ, ସେମାନେ ପବିତ୍ର; ତୁମ୍ଭେ ବେଦି ଉପରେ ସେମାନଙ୍କର ରକ୍ତ ସେଚନ କରିବ, ପୁଣି, ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ନିମନ୍ତେ ସେମାନଙ୍କର ମେଦ ଦଗ୍ଧ କରିବ ।
\v 18 ଆଉ ସେମାନଙ୍କର ମାଂସ ତୁମ୍ଭର ହେବ, ଯେପରି ଦୋଳନୀୟ ନୈବେଦ୍ୟାର୍ଥକ ବକ୍ଷ ଓ ଦକ୍ଷିଣ ଚଟୁଆ, ସେପରି ତାହା ତୁମ୍ଭର ହେବ ।
\s5
\v 19 ଇସ୍ରାଏଲ-ସନ୍ତାନଗଣ ଯେଉଁ ସମସ୍ତ ବସ୍ତୁ ପବିତ୍ର କରି ଉତ୍ତୋଳନୀୟ ଉପହାର ରୂପେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରନ୍ତି, ସେସକଳ ଆମ୍ଭେ ଅନନ୍ତକାଳୀନ ଅଧିକାରାର୍ଥେ ତୁମ୍ଭକୁ ଓ ତୁମ୍ଭ ସହିତ ତୁମ୍ଭ ପୁତ୍ର ଓ କନ୍ୟାଗଣଙ୍କୁ ଦେଲୁ; ତୁମ୍ଭ ଓ ତୁମ୍ଭ ସଙ୍ଗେ ତୁମ୍ଭ ବଂଶ ପକ୍ଷରେ ଏହା ସଦାପ୍ରଭୁଙ୍କ ସାକ୍ଷାତରେ ଅନନ୍ତକାଳୀନ ଲବଣର ନିୟମ ।"
\v 20 ଆହୁରି ସଦାପ୍ରଭୁ ହାରୋଣଙ୍କୁ କହିଲେ, "ସେମାନଙ୍କ ଭୂମିରେ ତୁମ୍ଭର କୌଣସି ଅଧିକାର ରହିବ ନାହିଁ; ଓ ସେମାନଙ୍କ ମଧ୍ୟରେ ତୁମ୍ଭର କୌଣସି ବାଣ୍ଟ ରହିବ ନାହିଁ; ଇସ୍ରାଏଲ-ସନ୍ତାନଗଣଙ୍କ ମଧ୍ୟରେ ଆମ୍ଭେ ହିଁ ତୁମ୍ଭର ବାଣ୍ଟ ଓ ତୁମ୍ଭର ଅଧିକାର ।
\s ଲେବୀୟମାନଙ୍କ ଅଂଶ
\p
\s5
\v 21 ଆଉ ଦେଖ, ଲେବୀ-ସନ୍ତାନଗଣ ଯେଉଁ ସେବାକାର୍ଯ୍ୟ କରନ୍ତି, ସମାଗମ-ତମ୍ବୁ ସମ୍ବନ୍ଧୀୟ ସେମାନଙ୍କ ସେହି ସେବାକାର୍ଯ୍ୟର ପରିଶୋଧରେ ଆମ୍ଭେ ସେମାନଙ୍କ ଅଧିକାରାର୍ଥେ ଇସ୍ରାଏଲ ମଧ୍ୟରେ ସମସ୍ତ ଦଶମାଂଶ ଦେଲୁ ।
\v 22 ଆଉ ଇସ୍ରାଏଲ-ସନ୍ତାନଗଣଙ୍କ ପାପ ବୋହି ଯେପରି ନ ମରନ୍ତି, ଏଥିପାଇଁ, ଏହି ସମୟଠାରୁ ସେମାନେ ସମାଗମ-ତମ୍ବୁ ନିକଟକୁ ଆସିବେ ନାହିଁ ।
\s5
\v 23 ମାତ୍ର ଲେବୀୟମାନେ ସମାଗମ-ତମ୍ବୁର ସେବାକାର୍ଯ୍ୟ କରିବେ ଓ ସେମାନେ ଆପଣା ଆପଣା ଅପରାଧ ବହିବେ; ଏହା ତୁମ୍ଭମାନଙ୍କର ପୁରୁଷାନୁକ୍ରମସ୍ଥାୟୀ ଅନନ୍ତକାଳୀନ ବିଧି, ପୁଣି, ସେମାନେ ଇସ୍ରାଏଲ-ସନ୍ତାନଗଣ ମଧ୍ୟରେ କୌଣସି ଅଧିକାର ପାଇବେ ନାହିଁ ।
\v 24 କାରଣ ଇସ୍ରାଏଲ-ସନ୍ତାନଗଣ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ତୋଳନୀୟ ଉପହାର ରୂପେ ଯେଉଁ ଦଶମାଂଶ ଉତ୍ସର୍ଗ କରନ୍ତି, ତାହା ଆମ୍ଭେ ଲେବୀୟମାନଙ୍କୁ ଅଧିକାରାର୍ଥେ ଦେଲୁ; ଏହେତୁ ଆମ୍ଭେ ସେମାନଙ୍କ ବିଷୟରେ କହିଲୁ, ଇସ୍ରାଏଲ-ସନ୍ତାନଗଣ ମଧ୍ୟରେ ସେମାନେ କୌଣସି ଅଧିକାର ପାଇବେ ନାହିଁ ।"
\s5
\v 25 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
\v 26 "ଆହୁରି ତୁମ୍ଭେ ଲେବୀୟମାନଙ୍କୁ କହିବ, ଆମ୍ଭେ ତୁମ୍ଭମାନଙ୍କ ଅଧିକାରାର୍ଥେ ଇସ୍ରାଏଲ-ସନ୍ତାନଗଣଠାରୁ ଯେଉଁ ଦଶମାଂଶ ତୁମ୍ଭମାନଙ୍କୁ ଦେଲୁ, ତାହା ଯେଉଁ ସମୟରେ ତୁମ୍ଭେ ସେମାନଙ୍କଠାରୁ ଗ୍ରହଣ କରିବ, ସେହି ସମୟରେ ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ତୋଳନୀୟ ଉପହାର ରୂପେ ସେହି ଦଶମାଂଶର ଦଶମାଂଶ ଉତ୍ସର୍ଗ କରିବ ।
\v 27 ତୁମ୍ଭମାନଙ୍କ ଏହି ଉତ୍ତୋଳନୀୟ ଉପହାର ଖଳାର ଶସ୍ୟ ତୁଲ୍ୟ ଓ ଦ୍ରାକ୍ଷାଯନ୍ତ୍ରର ପୂର୍ଣ୍ଣତା ତୁଲ୍ୟ ତୁମ୍ଭମାନଙ୍କ ପକ୍ଷରେ ଗଣାଯିବ ।
\s5
\v 28 ଏହିରୂପେ ତୁମ୍ଭେମାନେ ଇସ୍ରାଏଲ-ସନ୍ତାନଗଣଙ୍କଠାରୁ ଯେଉଁ ଦଶମାଂଶ ଗ୍ରହଣ କରିବ, ତହିଁରୁ ତୁମ୍ଭେମାନେ ହିଁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ତୋଳନୀୟ ଉପହାର ଉତ୍ସର୍ଗ କରିବ; ପୁଣି, ତହିଁରୁ ତୁମ୍ଭେମାନେ ସଦାପ୍ରଭୁଙ୍କ ଉତ୍ତୋଳନୀୟ ଉପହାର ହାରୋଣ ଯାଜକକୁ ଦେବ ।
\v 29 ତୁମ୍ଭମାନଙ୍କର ପ୍ରାପ୍ତ ସମସ୍ତ ଦାନ ମଧ୍ୟରୁ ସେ ସଦାପ୍ରଭୁଙ୍କ ଉତ୍ତୋଳନୀୟ ଉପହାର, ଅର୍ଥାତ୍‍, ତହିଁର ସମସ୍ତ ଉତ୍ତମ ଦ୍ରବ୍ୟରୁ ତହିଁର ପବିତ୍ର ଅଂଶ ଉତ୍ସର୍ଗ କରିବ ।
\s5
\v 30 ଏହେତୁ ତୁମ୍ଭେ ସେମାନଙ୍କୁ କହିବ, ତୁମ୍ଭେମାନେ ଯେଉଁ ସମୟରେ ତହିଁରୁ ଉତ୍ତମ ଦ୍ରବ୍ୟ ଉତ୍ତୋଳନୀୟ ଉପହାର ରୂପେ ଉତ୍ସର୍ଗ କରିବ, ସେହି ସମୟରେ ତାହା ଲେବୀୟମାନଙ୍କ ପକ୍ଷରେ ଖଳାରୁ ଉତ୍ପନ୍ନ ଦ୍ରବ୍ୟ ଓ ଦ୍ରାକ୍ଷାଯନ୍ତ୍ରରୁ ଉତ୍ପନ୍ନ ଦ୍ରବ୍ୟ ବୋଲି ଗଣାଯିବ ।
\v 31 ପୁଣି, ତୁମ୍ଭେମାନେ ଓ ତୁମ୍ଭମାନଙ୍କ ପରିଜନଗଣ ସବୁ ସ୍ଥାନରେ ତାହା ଭୋଜନ କରିବ; କାରଣ ତାହା ସମାଗମ-ତମ୍ବୁରେ କୃତ ତୁମ୍ଭମାନଙ୍କ ସେବାକାର୍ଯ୍ୟ ପରିଶୋଧରେ ତୁମ୍ଭମାନଙ୍କର ପୁରସ୍କାର ଅଟେ ।
\v 32 ଆଉ ତହିଁରୁ ସେହି ଉତ୍ତମ ଦ୍ରବ୍ୟ ଉପହାର ରୂପେ ଉତ୍ସର୍ଗ କଲେ, ତୁମ୍ଭେମାନେ ତଦ୍ଦ୍ୱାରା ଘଟିତ କୌଣସି ପାପ ବୋହିବ ନାହିଁ; ପୁଣି, ତୁମ୍ଭେମାନେ ଯେପରି ନ ମର, ଏଥିପାଇଁ ଇସ୍ରାଏଲ-ସନ୍ତାନଗଣର ପବିତ୍ର ଦ୍ରବ୍ୟ ଅପବିତ୍ର କରିବ ନାହିଁ ।"
\s5
\c 19
\s ଶୁଚିକରଣ ବିଧି
\p
\v 1 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ ଓ ହାରୋଣଙ୍କୁ କହିଲେ,
\v 2 “ସଦାପ୍ରଭୁ ଏହି ଶାସ୍ତ୍ରୀୟ ବିଧି କହି ଆଜ୍ଞା ଦେଇଅଛନ୍ତି, ଇସ୍ରାଏଲ ସନ୍ତାନଗଣଙ୍କୁ କୁହ, ଯେଉଁଠାରେ କଳଙ୍କ ନାହିଁ ଓ ଯାହା ଉପରେ କେବେ ଯୁଆଳି ଦିଆଯାଇ ନାହିଁ, ଏପରି ଏକ ନିଖୁନ୍ତା ଲାଲି ଗାଭୀକୁ ସେମାନେ ତୁମ୍ଭ ନିକଟକୁ ଆଣନ୍ତୁ ।
\s5
\v 3 ତହୁଁ ତୁମ୍ଭେମାନେ ସେହି ଗାଭୀକୁ ଇଲୀୟାସର ଯାଜକକୁ ଦେବ, ପୁଣି, ସେ ତାହାକୁ ଛାଉଣି ବାହାରକୁ ଆଣନ୍ତେ, ଜଣେ ତାହା ସମ୍ମୁଖରେ ତାକୁ ବଧ କରିବ ।
\v 4 ତହିଁରେ ଇଲୀୟାସର ଯାଜକ ଆପଣା ଅଙ୍ଗୁଳି ଦ୍ୱାରା ତାହାର ରକ୍ତରୁ ନେଇ ସମାଗମ-ତମ୍ବୁ ସମ୍ମୁଖରେ ସାତ ଥର ତାହାର ରକ୍ତ ସେଚନ କରିବ ।
\v 5 ଆଉ ଜଣେ ତାହାର ଦୃଷ୍ଟିଗୋଚରରେ ସେହି ଗାଭୀକୁ ଦଗ୍ଧ କରିବ; ସେ ତାହାର ଗୋମୟ ସହିତ ଚର୍ମ ଓ ମାଂସ ଓ ରକ୍ତ ଦଗ୍ଧ କରିବ ।
\v 6 ତହୁଁ ଯାଜକ ଏରସ କାଠ, ଏସୋବ୍‍ ଓ ସିନ୍ଦୂରବର୍ଣ୍ଣ (ଲୋମ) ନେଇ ସେହି ଗାଭୀଦାହର ଅଗ୍ନି ମଧ୍ୟରେ ପକାଇବ ।
\s5
\v 7 ତେବେ ଯାଜକ ଆପଣା ବସ୍ତ୍ର ଧୋଇବ ଓ ଶରୀରକୁ ଜଳରେ ସ୍ନାନ କରାଇବ; ତହିଁ ଉତ୍ତାରେ ସେ ଛାଉଣିକୁ ଆସିବ, ପୁଣି, ଯାଜକ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ ।
\v 8 ଆଉ ଯେଉଁ ଲୋକ ସେହି ଗାଭୀକୁ ଦଗ୍ଧ କରିବ, ସେ ଜଳରେ ଆପଣା ବସ୍ତ୍ର ଧୋଇବ, ଆପଣା ଶରୀରକୁ ଜଳରେ ସ୍ନାନ କରାଇବ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ ।
\s5
\v 9 ଏଉତ୍ତାରେ କୌଣସି ଶୁଚି ଲୋକ ସେହି ଗାଭୀର ଭସ୍ମ ସଂଗ୍ରହ କରି ଛାଉଣିର ବାହାରେ କୌଣସି ଶୁଚି ସ୍ଥାନରେ ରହିବ; ପୁଣି, ତାହା ଇସ୍ରାଏଲ-ସନ୍ତାନଗଣଙ୍କର ମଣ୍ଡଳୀ ପାଇଁ ଅଶୌଚାର୍ଥକ ଜଳ ନିମନ୍ତେ ରଖାଯିବ; ତାହା ପାପାର୍ଥକ ବଳି ଅଟେ ।
\v 10 ଆଉ ଯେଉଁ ଲୋକ ସେହି ଗାଭୀର ଭସ୍ମ ସଂଗ୍ରହ କରେ, ସେ ଆପଣା ବସ୍ତ୍ର ଧୋଇବ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ; ଏହା ଇସ୍ରାଏଲ-ସନ୍ତାନଗଣର ଓ ସେମାନଙ୍କ ମଧ୍ୟରେ ପ୍ରବାସକାରୀ ବିଦେଶୀର ପାଳନୀୟ ଅନନ୍ତକାଳୀନ ବିଧି ହେବ ।
\s ଶବ ସହିତ ସଂସ୍ପର୍ଶ
\p
\s5
\v 11 ପୁଣି, ଯେକେହି କୌଣସି ମନୁଷ୍ୟର ଶବ ଛୁଏଁ, ସେ ସାତ ଦିନ ଅଶୁଚି ହେବ ।
\v 12 ସେ ତୃତୀୟ ଦିନରେ ତଦ୍ଦ୍ୱାରା ଆପଣାକୁ ପରିଷ୍କାର କରିବ, ସପ୍ତମ ଦିନରେ ସେ ଶୁଚି ହେବ; ମାତ୍ର ଯଦି ସେ ତୃତୀୟ ଦିନରେ ଆପଣାକୁ ପରିଷ୍କାର ନ କରେ, ତେବେ ସେ ସପ୍ତମ ଦିନରେ ଶୁଚି ହେବ ନାହିଁ ।
\v 13 `ଯଦି କେହି କୌଣସି ମୃତ ମନୁଷ୍ୟର ଶବ ଛୁଇଁ ଆପଣାକୁ ପରିଷ୍କାର ନ କରେ, ତେବେ ସେ ସଦାପ୍ରଭୁଙ୍କ ଆବାସ ଅଶୁଚି କରେ; ସେହି ପ୍ରାଣୀ ଇସ୍ରାଏଲ ମଧ୍ୟରୁ ଉଚ୍ଛିନ୍ନ ହେବ; ତାହା ଉପରେ ଅଶୌଚାର୍ଥକ ଜଳ ଛିଞ୍ଚା ଯାଇ ନ ଥିବାରୁ ସେ ଅଶୁଚି ହେବ; ତାହାର ଅଶୌଚ ତାହାଠାରେ ଥାଏ ।
\s5
\v 14 କୌଣସି ମନୁଷ୍ୟ ତମ୍ବୁ ଭିତରେ ମଲେ, ତହିଁର ବ୍ୟବସ୍ଥା ଏହି; ଯେକେହି ସେହି ତମ୍ବୁକୁ ଆସେ ଓ ସେହି ତମ୍ବୁରେ ଥାଏ, ସେ ସାତ ଦିନ ଅଶୁଚି ହୋଇ ରହିବ ।
\v 15 ଆଉ ପ୍ରତ୍ୟେକ ମେଲା ପାତ୍ର, ଯହିଁରେ ଢାଙ୍କୁଣି ବନ୍ଧା ନ ଥାଏ, ତାହା ଅଶୁଚି ହେବ ।
\v 16 ପୁଣି, ଯେକେହି ମେଲା କ୍ଷେତ୍ରରେ ଖଡ୍‌ଗହତ କିମ୍ବା ମୃତ ଦେହ କିମ୍ବା ମନୁଷ୍ୟର ଅସ୍ଥି କିମ୍ବା କବର ଛୁଏଁ, ସେ ସାତ ଦିନ ଅଶୁଚି ହେବ ।
\s5
\v 17 ଆଉ ଲୋକମାନେ ସେହି ଅଶୁଚି ଲୋକ ନିମନ୍ତେ ପାପାର୍ଥରେ ଦଗ୍ଧ ବଳିର ଭସ୍ମ ନେବେ ଓ ଏକ ପାତ୍ରରେ ତାହା ରଖି ତହିଁ ଉପରେ ସ୍ରୋତଜଳ ଦିଆଯିବ ।
\v 18 ଏଉତ୍ତାରେ କୌଣସି ଶୁଚି ମନୁଷ୍ୟ ଏସୋବ୍‍ ଶାଖା, ନେଇ ଏହି ଜଳରେ ଡୁବାଇ ସେହି ତମ୍ବୁ ଉପରେ ଓ ସମସ୍ତ ପାତ୍ର ଉପରେ ଓ ସେଠାରେ ଥିବା ସମସ୍ତ ଲୋକ ଉପରେ, ପୁଣି, ଅସ୍ଥି କିମ୍ବା ହତ କିମ୍ବା ମୃତ କିମ୍ବା କବର ଛୁଇଁବା ଲୋକ ଉପରେ ତାହା ଛିଞ୍ଚିବ ।
\v 19 ପୁଣି, ସେହି ଶୁଚି ଲୋକ ତୃତୀୟ ଦିନରେ ଓ ସପ୍ତମ ଦିନରେ ଅଶୁଚି ଲୋକ ଉପରେ ତାହା ଛିଞ୍ଚିବ; ତହୁଁ ସେ ସପ୍ତମ ଦିନରେ ଆପଣାକୁ ପରିଷ୍କାର କରିବ ଓ ଆପଣା ବସ୍ତ୍ର ଧୋଇ ଆପେ ଜଳରେ ସ୍ନାନ କରିବ ଓ ସନ୍ଧ୍ୟା ସମୟରେ ଶୁଚି ହେବ ।
\s5
\v 20 ମାତ୍ର ଯେଉଁ ଲୋକ ଅଶୁଚି ହୋଇ ଆପଣାକୁ ପରିଷ୍କାର ନ କରିବ, ସେହି ପ୍ରାଣୀ ସମାଜ ମଧ୍ୟରୁ ଉଚ୍ଛିନ୍ନ ହେବ, କାରଣ ସେ ସଦାପ୍ରଭୁଙ୍କର ପବିତ୍ର ସ୍ଥାନ ଅଶୁଚି କଲା; ତାହା ଉପରେ ଅଶୌଚାର୍ଥକ ଜଳ ସେଚିତ ହେଲା ନାହିଁ; ସେ ଅଶୁଚି ।
\v 21 ଏହା ସେମାନଙ୍କ ପାଳନୀୟ ଅନନ୍ତକାଳୀନ ବିଧି ହେବ; ଆଉ ଯେକେହି ସେହି ଅଶୌଚାର୍ଥକ ଜଳ ସେଚନ କରେ, ସେ ଆପଣା ବସ୍ତ୍ର ଧୋଇବ; ପୁଣି, ଯେକେହି ସେହି ଅଶୌଚାର୍ଥକ ଜଳ ଛୁଏଁ, ସେ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ହେବ ।
\v 22 ପୁଣି, ସେ ଅଶୁଚି ଲୋକ ଯାହା କିଛି ଛୁଏଁ, ତାହା ଅଶୁଚି ହେବ; ଆଉ ଯେଉଁ ପ୍ରାଣୀ ତାହା ଛୁଏଁ, ସେ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ ।”
\s5
\c 20
\s ମରୀୟମଙ୍କ ମୃତ୍ୟୁ
\p
\v 1 ଏଥିଉତ୍ତାରେ ଇସ୍ରାଏଲ-ସନ୍ତାନଗଣଙ୍କର ସମସ୍ତ ମଣ୍ଡଳୀ ପ୍ରଥମ ମାସରେ ସୀନ୍‍ ପ୍ରାନ୍ତରରେ ଉପସ୍ଥିତ ହେଲେ ଓ ଲୋକମାନେ କାଦେଶରେ ବାସ କଲେ; ପୁଣି, ସେହି ସ୍ଥାନରେ ମରୀୟମ ମଲେ ଓ ସେଠାରେ ତାଙ୍କୁ କବର ଦିଆଗଲା ।
\s ଜଳ ନିମନ୍ତେ ବିବାଦ
\p
\s5
\v 2 ଆଉ ସେହି ସ୍ଥାନରେ ମଣ୍ଡଳୀ ନିମନ୍ତେ ଜଳ ନ ଥିଲା; ତହିଁରେ ଲୋକମାନେ ମୋଶାଙ୍କ ଓ ହାରୋଣଙ୍କ ବିରୁଦ୍ଧରେ ଏକତ୍ର ହେଲେ ।
\v 3 ପୁଣି, ଲୋକମାନେ ମୋଶାଙ୍କ ସହିତ ବିବାଦ କରି କହିଲେ, "ହାୟ, ଆମ୍ଭମାନଙ୍କ ଭାଇମାନେ ଯେତେବେଳେ ସଦାପ୍ରଭୁଙ୍କ ସମ୍ମୁଖରେ ମଲେ, ସେହି ସମୟରେ ଯଦି ଆମ୍ଭେମାନେ ମରିଥା'ନ୍ତୁ ।
\s5
\v 4 ତୁମ୍ଭେମାନେ କାହିଁକି ସଦାପ୍ରଭୁଙ୍କ ସମାଜକୁ ବାହାର କରି ଏହି ପ୍ରାନ୍ତରକୁ ଆଣିଲ, ଯେପରି କି ଆମ୍ଭେମାନେ ଓ ଆମ୍ଭମାନଙ୍କର ପଶୁମାନେ ଏହିଠାରେ ମରିବୁ ?
\v 5 ଆଉ ତୁମ୍ଭେମାନେ କାହିଁକି ଆମ୍ଭମାନଙ୍କୁ ମିସର ଦେଶରୁ ବାହାର କରି ଆଣିଲ, କି ଏହି କଦର୍ଯ୍ୟ ସ୍ଥାନକୁ ଆଣିବାକୁ ? ଏ ତ ଶସ୍ୟ କି ଡିମ୍ବିରି କି ଦ୍ରାକ୍ଷା କି ଡାଳିମ୍ବର ସ୍ଥାନ ନୁହେଁ; କିଅବା ଏଠାରେ ପିଇବାକୁ ଜଳ ନାହିଁ ।"
\s5
\v 6 ଏଥିରେ ମୋଶା ଓ ହାରୋଣ ସମାଜ ସାକ୍ଷାତରୁ ସମାଗମ-ତମ୍ବୁ ଦ୍ୱାରକୁ ଯାଇ ମୁହଁ ମାଡ଼ି ପଡ଼ିଲେ; ତହୁଁ ସଦାପ୍ରଭୁଙ୍କ ପ୍ରତାପ ସେମାନଙ୍କ ପ୍ରତି ପ୍ରକାଶ ପାଇଲା ।
\s5
\v 7 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
\v 8 "ତୁମ୍ଭେ ଯଷ୍ଟି ନିଅ, ପୁଣି, ତୁମ୍ଭେ ଓ ତୁମ୍ଭ ଭାଇ ହାରୋଣ ମଣ୍ଡଳୀକୁ ଏକତ୍ର କର, ଆଉ ତୁମ୍ଭେମାନେ ସେମାନଙ୍କ ଦୃଷ୍ଟିଗୋଚରରେ ସେହି ଶୈଳକୁ ଆପଣା ଜଳ ଦେବା ପାଇଁ ଆଜ୍ଞା ଦିଅ; ତହିଁରେ ତୁମ୍ଭେ ସେମାନଙ୍କ ନିମନ୍ତେ ଶୈଳରୁ ଜଳ ବାହାର କରି ମଣ୍ଡଳୀକୁ ଓ ସେମାନଙ୍କ ପଶୁଗଣକୁ ପାନ କରାଇବ ।"
\v 9 ତହୁଁ ମୋଶା ସଦାପ୍ରଭୁଙ୍କ ସମ୍ମୁଖରୁ ତାହାଙ୍କ ଆଜ୍ଞା ପ୍ରମାଣେ ଯଷ୍ଟି ନେଲେ ।
\s ଶୈଳକୁ ମୋଶାଙ୍କ ଆଘାତ
\p
\s5
\v 10 ପୁଣି, ମୋଶା ଓ ହାରୋଣ ସେହି ଶୈଳ ସମ୍ମୁଖରେ ସମାଜକୁ ଏକତ୍ର କଲେ, ଆଉ ସେ ସେମାନଙ୍କୁ କହିଲେ, "ହେ ବିଦ୍ରୋହୀଗଣ, ଶୁଣ, ଆମ୍ଭେମାନେ କି ତୁମ୍ଭମାନଙ୍କ ନିମନ୍ତେ ଏହି ଶୈଳରୁ ଜଳ ବାହାର କରିବା ?
\v 11 ଏଉତ୍ତାରେ ମୋଶା ହସ୍ତ ଉଠାଇ ଆପଣା ଯଷ୍ଟିରେ ସେହି ଶୈଳକୁ ଦୁଇ ଥର ଆଘାତ କଲେ; ତହିଁରେ ପ୍ରଚୁର ଜଳ ବାହାରିଲା, ପୁଣି, ମଣ୍ଡଳୀ ଓ ସେମାନଙ୍କ ପଶୁଗଣ ପାନ କଲେ ।
\s5
\v 12 ଏଥିରେ ସଦାପ୍ରଭୁ ମୋଶା ଓ ହାରୋଣଙ୍କୁ କହିଲେ, "ତୁମ୍ଭେମାନେ ଇସ୍ରାଏଲ-ସନ୍ତାନମାନଙ୍କ ସାକ୍ଷାତରେ ଆମ୍ଭକୁ ପବିତ୍ର ବୋଲି ମାନ୍ୟ କରିବାକୁ ଆମ୍ଭଠାରେ ବିଶ୍ୱାସ କଲ ନାହିଁ, ଏହେତୁ ଆମ୍ଭେ ଏହି ମଣ୍ଡଳୀକୁ ଯେଉଁ ଦେଶ ଦେଇଅଛୁ, ସେହି ଦେଶରେ ତୁମ୍ଭେମାନେ ସେମାନଙ୍କୁ ପ୍ରବେଶ କରାଇବ ନାହିଁ ।"
\s ଇଦୋମ ଦ୍ୱାରା ଇସ୍ରାଏଲର ପଥରୋଧ
\p
\v 13 ଏହିସବୁ ମିରୀବାଃ-ଜଳ, (ବିବାଦର ଜଳ); ଯେହେତୁ ଇସ୍ରାଏଲ-ସନ୍ତାନଗଣ ସଦାପ୍ରଭୁଙ୍କ ସହିତ ବିବାଦ କଲେ ଓ ସେମାନଙ୍କ ମଧ୍ୟରେ ପବିତ୍ର ରୂପେ ମାନ୍ୟ ହେଲେ ।
\s5
\v 14 ଏଥିଉତ୍ତାରେ ମୋଶା କାଦେଶରୁ ଇଦୋମୀୟ ରାଜା ନିକଟକୁ ଦୂତମାନଙ୍କ ଦ୍ୱାରା କହି ପଠାଇଲେ, ତୁମ୍ଭର ଭ୍ରାତା ଇସ୍ରାଏଲ ଏରୂପ କହଇ, "ଆମ୍ଭମାନଙ୍କ ପ୍ରତି ଯେଉଁ ସମସ୍ତ କ୍ଳେଶ ଘଟିଅଛି,
\v 15 ଅର୍ଥାତ୍‍, କିପରି ଆମ୍ଭମାନଙ୍କର ପୂର୍ବପୁରୁଷମାନେ ମିସରକୁ ଗଲେ ଓ ମିସରରେ ଦୀର୍ଘକାଳ ବାସ କଲେ ଆଉ ମିସ୍ରୀୟମାନେ ଆମ୍ଭମାନଙ୍କ ପ୍ରତି ଓ ଆମ୍ଭମାନଙ୍କ ପୂର୍ବପୁରୁଷମାନଙ୍କ ପ୍ରତି କୁବ୍ୟବହାର କଲେ, ତାହା ତୁମ୍ଭେ ଜାଣ ।
\v 16 ସେହି ସମୟରେ ଆମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ କ୍ରନ୍ଦନ କରନ୍ତେ, ସେ ଆମ୍ଭମାନଙ୍କ ରବ ଶୁଣିଲେ, ପୁଣି, ଏକ ଦୂତ ପଠାଇ ଆମ୍ଭମାନଙ୍କୁ ମିସରରୁ ବାହାର କରି ଆଣିଲେ; ଆଉ ଦେଖ, ଏବେ ଆମ୍ଭେମାନେ ତୁମ୍ଭ ଦେଶର ପ୍ରାନ୍ତସ୍ଥିତ କାଦେଶ ନଗରରେ ଅଛୁ;
\s5
\v 17 ମୁଁ ବିନୟ କରୁଅଛି, ତୁମ୍ଭ ଦେଶ ଦେଇ ଆମ୍ଭମାନଙ୍କୁ ଯିବାକୁ ଦିଅ; ଆମ୍ଭେମାନେ ଶସ୍ୟକ୍ଷେତ୍ର କିମ୍ବା ଦ୍ରାକ୍ଷାକ୍ଷେତ୍ର ମଧ୍ୟଦେଇ ଯିବୁ ନାହିଁ, କିଅବା କୂପ ଜଳ ପାନ କରିବୁ ନାହିଁ; ଆମ୍ଭେମାନେ ରାଜପଥ ଦେଇ ଗମନ କରିବୁ; ଆମ୍ଭେମାନେ ତୁମ୍ଭ ସୀମା ପାର ହେବା ପର୍ଯ୍ୟନ୍ତ ଦକ୍ଷିଣରେ କି ବାମରେ ଫେରିବୁ ନାହିଁ ।"
\s5
\v 18 ତହିଁରେ ଇଦୋମ ତାଙ୍କୁ କହିଲେ, "ତୁମ୍ଭେ ଆମ୍ଭ (ଦେଶର) ମଧ୍ୟଦେଇ ଯିବ ନାହିଁ, ଗଲେ ଆମ୍ଭେ ଖଡ଼୍‍ଗ ନେଇ ତୁମ୍ଭ ବିରୁଦ୍ଧରେ ବାହାର ହେବା ।"
\v 19 ସେତେବେଳେ ଇସ୍ରାଏଲ-ସନ୍ତାନଗଣ ତାଙ୍କୁ କହିଲେ, "ଆମ୍ଭେମାନେ କେବଳ ସଡ଼କ ଦେଇ ଯିବୁ ଯଦି ଆମ୍ଭେମାନେ, ଆମ୍ଭେ କି ଆମ୍ଭ ପଶୁମାନେ ତୁମ୍ଭ ଜଳ ପାନ କରିବୁ, ତେବେ ଆମ୍ଭେ ତହିଁର ମୂଲ୍ୟ ଦେବୁ; ଆଉ କିଛି କଥା ନାହିଁ, କେବଳ ଆମ୍ଭକୁ ଆପଣା ପାଦରେ (ଦେଶ) ଦେଇ ଯିବାକୁ ଦିଅ ।"
\s5
\v 20 ତହୁଁ ସେ କହିଲେ, "ତୁମ୍ଭେ (ଦେଶ) ଦେଇ ଯିବ ନାହିଁ । ଏଉତ୍ତାରେ ଇଦୋମ ଅନେକ ଲୋକ ସଙ୍ଗରେ ନେଇ ମହାବଳରେ ତାଙ୍କ ବିରୁଦ୍ଧରେ ବାହାର ହେଲେ ।"
\v 21 ଏହିରୂପେ ଇଦୋମ ଇସ୍ରାଏଲକୁ ଆପଣା ସୀମା ଦେଇ ଯିବାର ଅନୁମତି ଦେବାକୁ ଅସ୍ୱୀକାର କଲେ; ଏଣୁ ଇସ୍ରାଏଲ ତାଙ୍କ ନିକଟରୁ ଫେରିଗଲେ ।
\s ହାରୋଣଙ୍କ ମୃତ୍ୟୁ
\p
\s5
\v 22 ଏଥିଉତ୍ତାରେ ସେମାନେ କାଦେଶରୁ ଯାତ୍ରା କଲେ ତହୁଁ ଇସ୍ରାଏଲ-ସନ୍ତାନଗଣ, ଅର୍ଥାତ୍‍, ସମସ୍ତ ମଣ୍ଡଳୀ ହୋର ପର୍ବତରେ ଉପସ୍ଥିତ ହେଲେ ।
\v 23 ସେତେବେଳେ ଇଦୋମ ଦେଶର ସୀମା ନିକଟସ୍ଥ ହୋର ପର୍ବତରେ ସଦାପ୍ରଭୁ ମୋଶା ଓ ହାରୋଣଙ୍କୁ କହିଲେ,
\v 24 "ହାରୋଣ ଆପଣା ଲୋକମାନଙ୍କ ନିକଟରେ ସଂଗୃହୀତ ହେବ; କାରଣ ଆମ୍ଭେ ଇସ୍ରାଏଲ-ସନ୍ତାନଗଣକୁ ଯେଉଁ ଦେଶ ଦେଇଅଛୁ, ସେହି ଦେଶରେ ସେ ପ୍ରବେଶ କରିବ ନାହିଁ, ଯେହେତୁ ମିରୀବାଃ-ଜଳ ନିକଟରେ ତୁମ୍ଭେମାନେ ଆମ୍ଭ ଆଜ୍ଞାର ବିରୁଦ୍ଧ କର୍ମ କରିଥିଲ ।
\s5
\v 25 ତୁମ୍ଭେ ହାରୋଣକୁ ଓ ତାହାର ପୁତ୍ର ଇଲୀୟାସରକୁ ହୋର ପର୍ବତ ଉପରକୁ ନେଇ ଯାଅ ।
\v 26 ପୁଣି, ହାରୋଣଠାରୁ ତାହାର ବସ୍ତ୍ର କାଢ଼ି ତାହାର ପୁତ୍ର ଇଲୀୟାସରକୁ ପିନ୍ଧାଅ; ଯେଣୁ ହାରୋଣ (ଆପଣା ଲୋକମାନଙ୍କ ନିକଟରେ) ସଂଗୃହୀତ ହେବ ଓ ସେ ସେହି ସ୍ଥାନରେ ମରିବ ।
\s5
\v 27 ତହୁଁ ମୋଶା ସଦାପ୍ରଭୁଙ୍କ ଆଜ୍ଞାନୁସାରେ କର୍ମ କଲେ; ଆଉ ସେମାନେ ସମସ୍ତେ ମଣ୍ଡଳୀର ସାକ୍ଷାତରେ ହୋର ପର୍ବତକୁ ଉଠିଗଲେ ।
\v 28 ତେବେ ମୋଶା ହାରୋଣଙ୍କର ବସ୍ତ୍ର କାଢ଼ି ତାଙ୍କର ପୁତ୍ର ଇଲୀୟାସରକୁ ପିନ୍ଧାଇଲେ, ପୁଣି, ହାରୋଣ ସେହି ସ୍ଥାନରେ ପର୍ବତଶୃଙ୍ଗରେ ମଲେ; ତହୁଁ ମୋଶା ଓ ଇଲୀୟାସର ପର୍ବତରୁ ଓହ୍ଲାଇ ଆସିଲେ ।
\v 29 ଏଉତ୍ତାରେ ହାରୋଣ ମରିଅଛନ୍ତି, ଏହା ସମସ୍ତ ମଣ୍ଡଳୀ ଦେଖନ୍ତେ, ସେମାନେ, ଅର୍ଥାତ୍‍, ଇସ୍ରାଏଲର ସମସ୍ତ ବଂଶ ହାରୋଣଙ୍କ ନିମନ୍ତେ ତିରିଶ ଦିନ ପର୍ଯ୍ୟନ୍ତ ରୋଦନ କଲେ ।
\s5
\c 21
\s ଅରାଦ୍‌ର ବିନାଶ
\p
\v 1 ଏଥିଉତ୍ତାରେ ଇସ୍ରାଏଲ ଅଥାରୀମର ପଥ ଦେଇ ଆସୁଅଛନ୍ତି, ଏହି କଥା ଶୁଣି ଦକ୍ଷିଣ ପ୍ରଦେଶ ନିବାସୀ କିଣାନ ବଂଶୀୟ ଅରାଦର ରାଜା ଇସ୍ରାଏଲର ପ୍ରତିକୂଳରେ ଯୁଦ୍ଧ କଲେ ଓ ସେମାନଙ୍କର କେତେକ ଲୋକଙ୍କୁ ଧରି ବନ୍ଦୀ କଲେ ।
\v 2 ତହିଁରେ ଇସ୍ରାଏଲ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ମାନତ କରି କହିଲେ, "ଯଦି ତୁମ୍ଭେ ଏହି ଲୋକମାନଙ୍କୁ ଆମ୍ଭ ହସ୍ତରେ ସମର୍ପଣ କରିବ, ଯଦି ଆମ୍ଭେ ସେମାନଙ୍କ ନଗରସବୁ ସମ୍ପୂର୍ଣ୍ଣ ରୂପେ ବିନାଶ କରିବା ।"
\v 3 ଏଥିରେ ସଦାପ୍ରଭୁ ଇସ୍ରାଏଲର ରବରେ କର୍ଣ୍ଣପାତ କରି ସେହି କିଣାନୀୟମାନଙ୍କୁ ସମର୍ପଣ କଲେ; ତହିଁରେ ସେମାନେ ସେମାନଙ୍କୁ ଓ ସେମାନଙ୍କ ସମସ୍ତ ନଗର ସମ୍ପୂର୍ଣ୍ଣ ରୂପେ ବିନାଶ କଲେ, ପୁଣି, ସେହି ସ୍ଥାନର ନାମ ହର୍ମା (ବିନାଶ) ହେଲା ।
\s ପିତ୍ତଳ ସର୍ପ
\p
\s5
\v 4 ଏଥିଉତ୍ତାରେ ସେମାନେ ଇଦୋମ ଦେଶ ପ୍ରଦକ୍ଷିଣ କରିବା ନିମନ୍ତେ ହୋର ପର୍ବତରୁ ସୂଫ ସାଗର ପଥ ଦେଇ ଯାତ୍ରା କଲେ; ପୁଣି, ପଥ ସକାଶୁ ଲୋକମାନଙ୍କର ପ୍ରାଣ ଅତି ସାହସହୀନ ହେଲା ।
\v 5 ତହିଁରେ ଲୋକମାନେ ପରମେଶ୍ୱରଙ୍କ ବିରୁଦ୍ଧରେ ଓ ମୋଶାଙ୍କ ବିରୁଦ୍ଧରେ କହିଲେ, "କାହିଁକି ତୁମ୍ଭେମାନେ ଆମ୍ଭମାନଙ୍କୁ ପ୍ରାନ୍ତରରେ ମାରିବାକୁ ମିସର ଦେଶରୁ ବାହାର କରି ଆଣିଲ ?" ଦେଖ, ଏଠାରେ ରୁଟି ନାହିଁ ଓ ଜଳ ନାହିଁ; ପୁଣି, ଆମ୍ଭମାନଙ୍କ ପ୍ରାଣ ଏହି ଲଘୁ ଅନ୍ନକୁ ଘୃଣା କରେ ।
\s5
\v 6 ସେତେବେଳେ ସଦାପ୍ରଭୁ ଲୋକମାନଙ୍କ ମଧ୍ୟକୁ ବିଷାକ୍ତ ସର୍ପଗୁଡିକୁ ପ୍ରେରଣ କରନ୍ତେ, ସେମାନେ ଲୋକମାନଙ୍କୁ ଦଂଶନ କଲେ; ତହିଁରେ ଇସ୍ରାଏଲର ଅନେକ ଲୋକ ମଲେ ।
\v 7 ଏନିମନ୍ତେ ଲୋକମାନେ ମୋଶାଙ୍କ ନିକଟକୁ ଆସି କହିଲେ, "ଆମ୍ଭେମାନେ ପାପ କରିଅଛୁ, କାରଣ ଆମ୍ଭେମାନେ ସଦାପ୍ରଭୁଙ୍କ ବିରୁଦ୍ଧରେ ଓ ତୁମ୍ଭ ବିରୁଦ୍ଧରେ କଥା କହିଅଛୁ; ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କର ଯେପରି ସେ ଆମ୍ଭମାନଙ୍କ ନିକଟରୁ ଏହି ସର୍ପମାନଙ୍କୁ ଦୂର କରିବେ ।" ତେଣୁ ମୋଶା ଲୋକମାନଙ୍କ ନିମନ୍ତେ ପ୍ରାର୍ଥନା କଲେ ।
\s5
\v 8 ତେବେ ସଦାପ୍ରଭୁ ମୋଶାଙ୍କୁ କହିଲେ, "ତୁମ୍ଭେ ଗୋଟିଏ ବିଷାକ୍ତ ସର୍ପର ନମୁନା ନିର୍ମାଣ କରି ପତାକା-ଦଣ୍ଡ ଉପରେ ରଖ; ତହିଁରେ ସର୍ପଦ୍ରଂଷ୍ଟ ପ୍ରତ୍ୟେକ ଲୋକ ତାହା ପ୍ରତି ଅନାଇଲେ ବଞ୍ଚିବ ।"
\v 9 ତହୁଁ ମୋଶା ପିତ୍ତଳର ଏକ ସର୍ପ ନିର୍ମାଣ କରି ପତାକା-ଦଣ୍ଡ ଉପରେ ରଖିଲେ; ତହିଁରେ ସର୍ପ କୌଣସି ମନୁଷ୍ୟକୁ ଦଂଶନ କଲେ, ସେ ସେହି ପିତ୍ତଳ ସର୍ପ ପ୍ରତି ଦୃଷ୍ଟିପାତ କରନ୍ତେ, ବଞ୍ଚିଲା ।
\s ଜଳ କୂପର ଗୀତ
\p
\s5
\v 10 ଏଥିଉତ୍ତାରେ ଇସ୍ରାଏଲ-ସନ୍ତାନଗଣ ଯାତ୍ରା କରି ଓବୋତରେ ଛାଉଣି ସ୍ଥାପନ କଲେ ।
\v 11 ତହିଁ ଉତ୍ତାରେ ଓବୋତରୁ ଯାତ୍ରା କରି ସୂର୍ଯ୍ୟୋଦୟ ଦିଗରେ ମୋୟାବର ସମ୍ମୁଖସ୍ଥିତ ପ୍ରାନ୍ତରରେ ଇୟୀ-ଅବାରୀମରେ ଛାଉଣି ସ୍ଥାପନ କଲେ ।
\s5
\v 12 ସେମାନେ ସେଠାରୁ ଯାତ୍ରା କରି ସେରଦ୍‍ ଉପତ୍ୟକାରେ ଛାଉଣି ସ୍ଥାପନ କଲେ ।
\v 13 ସେଠାରୁ ସେମାନେ ଯାତ୍ରା କରି ଇମୋରୀୟମାନଙ୍କର ସୀମାରୁ ନିର୍ଗତ ଅର୍ଣ୍ଣୋନର ଅନ୍ୟ ପାରିସ୍ଥିତ ପ୍ରାନ୍ତରରେ ଛାଉଣି ସ୍ଥାପନ କଲେ; କାରଣ ମୋୟାବର ଓ ଇମୋରୀୟମାନଙ୍କର ମଧ୍ୟବର୍ତ୍ତୀ ଅର୍ଣ୍ଣୋନ୍‍ ମୋୟାବର ସୀମା ଥିଲା ।
\s5
\v 14 ଏନିମନ୍ତେ ସଦାପ୍ରଭୁଙ୍କ ଯୁଦ୍ଧ-ପୁସ୍ତକରେ କଥିତ ଅଛି, ଯଥା "ଘୂର୍ଣ୍ଣିବାୟୁରେ ବାହେବକୁ ଓ ଅର୍ଣ୍ଣୋନର ସକଳ ଉପତ୍ୟକା,
\v 15 ପୁଣି, ଆରର ବାସସ୍ଥାନଗାମୀ ଓ ମୋୟାବ-ସୀମାର ପାଶ୍ୱର୍ସ୍ଥିତ ଗଡ଼ନ୍ତି ଉପତ୍ୟକାସକଳକୁ (ସେ ଜୟ କଲେ ।")
\s5
\v 16 ସେଠାରୁ ସେମାନେ (ଯାତ୍ରା କରି) ବେର (କୂପ) ନାମକ ସ୍ଥାନକୁ ଆସିଲେ । ସେହି କୂପ ବିଷୟରେ ସଦାପ୍ରଭୁ ମୋଶାଙ୍କୁ କହିଲେ, "ତୁମ୍ଭେ ଏହି ସ୍ଥାନରେ ଲୋକମାନଙ୍କୁ ଏକତ୍ର କର, ଆମ୍ଭେ ସେମାନଙ୍କୁ ଜଳ ଦେବା ।"
\s5
\v 17 ସେହି ସମୟରେ ଇସ୍ରାଏଲ ଏହି ଗୀତ ଗାନ କଲେ, "ହେ କୂପ, ଉଚ୍ଛୁଳି ଉଠ ତୁମ୍ଭେମାନେ ତହିଁ ଉଦ୍ଦେଶ୍ୟରେ ଗାନ କର;
\v 18 ଅଧିପତିମାନେ ସେହି କୂପ ଖୋଳିଛନ୍ତି, ଲୋକମାନଙ୍କର କୁଳୀନମାନେ ରାଜଦଣ୍ଡ ଓ ଆପଣା ଆପଣା ଯଷ୍ଟି ଘେନି ତାହା ଖୋଳିଛନ୍ତି ।"
\s5
\v 19 ଏଉତ୍ତାରେ ସେମାନେ ପ୍ରାନ୍ତରରୁ ମତ୍ତାନକୁ ଓ ମତ୍ତାନଠାରୁ ନହଲୀୟେଲକୁ ଓ ନହଲୀୟେଲଠାରୁ ବାମୋତକୁ
\v 20 ଓ ବାମୋତଠାରୁ ମୋୟାବ କ୍ଷେତ୍ରସ୍ଥିତ ଉପତ୍ୟକା ଦେଇ ପିସ୍‍ଗା ପର୍ବତର ଶୃଙ୍ଗକୁ ଯାତ୍ରା କଲେ, ତାହା ମରୁଭୂମି ଆଡ଼କୁ ଥିଲା ।
\s ସିହୋନ ଓ ଓଗ୍‍ ରାଜାଙ୍କ ପରାଜୟ
\p
\s5
\v 21 ଏଥିଉତ୍ତାରେ ଇସ୍ରାଏଲ ଇମୋରୀୟମାନଙ୍କ ରାଜା ସୀହୋନ ନିକଟକୁ ଏହା କହି ଦୂତ ପଠାଇଲେ;
\v 22 "ତୁମ୍ଭ ଦେଶ ଦେଇ ଆମ୍ଭକୁ ଯିବାକୁ ଦିଅ; ଆମ୍ଭେମାନେ ଶସ୍ୟକ୍ଷେତ୍ର କି ଦ୍ରାକ୍ଷାକ୍ଷେତ୍ର ଆଡ଼େ ଫେରିବୁ ନାହିଁ; ଆମ୍ଭେମାନେ କୂପରୁ ଜଳ ପାନ କରିବୁ ନାହିଁ; ଆମ୍ଭେମାନେ ତୁମ୍ଭ ସୀମା ପାର ହେବା ପର୍ଯ୍ୟନ୍ତ ରାଜପଥ ଦେଇ ଗମନ କରିବୁ ।"
\v 23 ଏଥିରେ ସୀହୋନ ଆପଣା ସୀମା ଦେଇ ଇସ୍ରାଏଲକୁ ଯିବା ପାଇଁ ଦେଲେ ନାହିଁ; ମାତ୍ର ସୀହୋନ ଆପଣାର ସମସ୍ତ ଲୋକଙ୍କୁ ଏକତ୍ର କରି ଇସ୍ରାଏଲର ପ୍ରତିକୂଳରେ ପ୍ରାନ୍ତରକୁ ବାହାର ହେଲେ, ପୁଣି, ଯହସରେ ଉପସ୍ଥିତ ହୋଇ ଇସ୍ରାଏଲ ବିରୁଦ୍ଧରେ ଯୁଦ୍ଧ କଲେ ।
\s5
\v 24 ତହିଁରେ ଇସ୍ରାଏଲ ଖଡ଼୍‍ଗଧାରରେ ତାଙ୍କୁ ଆଘାତ କରି ଅର୍ଣ୍ଣୋନଠାରୁ ଯେବ୍ବୋକ୍‍ ପର୍ଯ୍ୟନ୍ତ, ଅର୍ଥାତ୍‍, ଅମ୍ମୋନ୍‍ ସନ୍ତାନଗଣଙ୍କର ସୀମା ପର୍ଯ୍ୟନ୍ତ, ତାହାର ଦେଶ ଅଧିକାର କଲେ; କାରଣ ଅମ୍ମୋନ୍‍-ସନ୍ତାନଗଣଙ୍କର ସୀମା ଦୃଢ଼ ଥିଲା ।
\v 25 ଏହିରୂପେ ଇସ୍ରାଏଲ ସେହି ସମସ୍ତ ନଗର ହସ୍ତଗତ କଲେ ଓ ଇସ୍ରାଏଲ ଇମୋରୀୟମାନଙ୍କର ସମସ୍ତ ନଗରରେ, ଅର୍ଥାତ୍‍ ହିଷ୍‍ବୋନ୍‍ରେ ଓ ତହିଁର ସମସ୍ତ ନଗରରେ ବାସ କଲେ ।
\v 26 କାରଣ ହିଷ୍‍ବୋନ୍‍ ଇମୋରୀୟମାନଙ୍କ ରାଜା ସୀହୋନଙ୍କ ନଗର ଥିଲା, ସେ ମୋୟାବର ପୂର୍ବ ରାଜାର ପ୍ରତିକୂଳରେ ଯୁଦ୍ଧ କରି ତାହା ହସ୍ତରୁ ଅର୍ଣ୍ଣୋନ୍‍ ପର୍ଯ୍ୟନ୍ତ ତାହାର ସମସ୍ତ ଦେଶ ନେଇଥିଲେ ।
\s5
\v 27 ଏନିମନ୍ତେ କବିମାନେ କହନ୍ତି, “ତୁମ୍ଭେମାନେ ହିଷ୍‍ବୋନ୍‍କୁ ଆସ, ସୀହୋନର ନଗର ନିର୍ମିତ ଓ ଦୃଢ଼ୀକୃତ ହେଉ;
\v 28 କାରଣ ହିଷ୍‍ବୋନ୍‍ଠାରୁ ଅଗ୍ନି, ସୀହୋନ ନଗରଠାରୁ ଅଗ୍ନିଶିଖା ନିର୍ଗତ ହୋଇଅଛି; ତାହା ମୋୟାବର ଆର ନଗରକୁ, ଅର୍ଣ୍ଣୋନସ୍ଥ ଉଚ୍ଚସ୍ଥଳୀର ଦେବଗଣକୁ ଗ୍ରାସ କରିଅଛି ।
\s5
\v 29 ହେ ମୋୟାବ, ତୁମ୍ଭର ସନ୍ତାପ ହେଲା ! ହେ କମୋଶର ଲୋକଗଣ, ତୁମ୍ଭେମାନେ ଉଚ୍ଛିନ୍ନ ହେଲ; ସେ ତାହାର ପୁତ୍ରଗଣକୁ ପଳାତକ ରୂପେ ଓ ତାହାର କନ୍ୟାଗଣକୁ ବନ୍ଦୀ ରୂପେ ଇମୋରୀୟ ରାଜା ସୀହୋନର ହସ୍ତରେ ସମର୍ପଣ କରିଅଛି;
\v 30 ଆମ୍ଭେମାନେ ସେମାନଙ୍କୁ ବାଣ ମାରିଅଛୁ; ହିଷ୍‍ବୋନ୍‍ ଦୀବୋନ୍‍ ପର୍ଯ୍ୟନ୍ତ ବିନଷ୍ଟ ହେଲା, ଆମ୍ଭେମାନେ ନୋଫହ ପର୍ଯ୍ୟନ୍ତ ଧ୍ୱଂସ କଲୁ, ତାହା ମେଦବା ପର୍ଯ୍ୟନ୍ତ ବ୍ୟାପଇ ।”
\s5
\v 31 ଏହିରୂପେ ଇସ୍ରାଏଲ ଇମୋରୀୟମାନଙ୍କ ଦେଶରେ ବାସ କଲେ ।
\v 32 ଏଥିଉତ୍ତାରେ ମୋଶା ଯାସେର ଅନୁସନ୍ଧାନ କରିବା ପାଇଁ ଲୋକ ପଠାନ୍ତେ, ସେମାନେ ତହିଁର ସକଳ ନଗର ହସ୍ତଗତ କଲେ ଓ ସେଠାସ୍ଥିତ ଇମୋରୀୟମାନଙ୍କୁ ତଡ଼ି ଦେଲେ ।
\s5
\v 33 ତହୁଁ ସେମାନେ ଫେରି ବାଶନର ପଥ ଦେଇ ଉଠି ଗଲେ; ତହିଁରେ ବାଶନର ରାଜା ଓଗ, ସେ ଓ ତାହାର ସମସ୍ତ ଲୋକ ସେମାନଙ୍କ ପ୍ରତିକୂଳରେ ବାହାର ହୋଇ ଇଦ୍ରିୟୀରେ ଯୁଦ୍ଧ କଲେ ।
\v 34 ସେହି ସମୟରେ ସଦାପ୍ରଭୁ ମୋଶାଙ୍କୁ କହିଲେ, "ତାହାକୁ ଭୟ କର ନାହିଁ; କାରଣ ଆମ୍ଭେ ତାହାକୁ ଓ ତାହାର ସମସ୍ତ ଲୋକଙ୍କୁ ଓ ତାହାର ଦେଶକୁ ତୁମ୍ଭ ହସ୍ତରେ ସମର୍ପଣ କରିଅଛୁ; ତୁମ୍ଭେ ହିଷ୍‍ବୋନ୍‍ବାସୀ ଇମୋରୀୟ ରାଜା ସୀହୋନ ପ୍ରତି ଯେରୂପ କଲ, ତାହା ପ୍ରତି ସେରୂପ କରିବ ।"
\v 35 ଏଣୁ ତାହାର କେହି ଅବଶିଷ୍ଟ ନ ରହିବା ପର୍ଯ୍ୟନ୍ତ ସେମାନେ ତାହାକୁ ଓ ତାହାର ପୁତ୍ରଗଣକୁ ଓ ତାହାର ସମସ୍ତ ଲୋକଙ୍କୁ ଆଘାତ କଲେ, ପୁଣି, ସେମାନେ ତାହାର ଦେଶ ଅଧିକାର କଲେ ।
\s5
\c 22
\s ବାଲାକଙ୍କ ବିଲୀୟମଙ୍କୁ ଆହ୍ୱାନ
\p
\v 1 ଏଥିଉତ୍ତାରେ ଇସ୍ରାଏଲ-ସନ୍ତାନଗଣ ଯାତ୍ରା କରି ଯିରୀହୋ-ନିକଟସ୍ଥ ଯର୍ଦ୍ଦନ ଆଗରେ ମୋୟାବ-ପଦାରେ ଛାଉଣି ସ୍ଥାପନ କଲେ ।
\s5
\v 2 ପୁଣି, ଇସ୍ରାଏଲ ଇମୋରୀୟମାନଙ୍କ ପ୍ରତି ଯାହା ଯାହା କରିଥିଲେ, ତାହା ସିପ୍ପୋରର ପୁତ୍ର ବାଲାକ ଦେଖିଲେ ।
\v 3 ଏଣୁ ମୋୟାବ ଲୋକମାନଙ୍କ ସକାଶୁ ଅତିଶୟ ଭୀତ ହେଲେ, କାରଣ ସେମାନେ ବହୁତ ଥିଲେ; ଆଉ ମୋୟାବ ଇସ୍ରାଏଲ-ସନ୍ତାନଗଣଙ୍କ ସକାଶୁ ଉଦ୍‍ବିଗ୍ନ ହେଲେ ।
\v 4 ଏଥିରେ ମୋୟାବ ମିଦୀୟନୀୟ ପ୍ରାଚୀନଗଣକୁ କହିଲେ, "ଗୋରୁ ଯେପରି ପଦାରୁ ଘାସ ଚାଟି ଖାଏ, ସେପରି ଏହି ଜନତା ଆମ୍ଭମାନଙ୍କ ଚତୁର୍ଦ୍ଦିଗସ୍ଥ ସବୁ ଚାଟି ପକାଇବେ । ଏହି ସମୟରେ ସିପ୍ପୋରର ପୁତ୍ର ବାଲାକ ମୋୟାବର ରାଜା ଥିଲେ ।"
\s5
\v 5 ଏନିମନ୍ତେ ସେ ବିୟୋରର ପୁତ୍ର ବିଲୀୟମକୁ ଡାକିବା ପାଇଁ ଆପଣା ଲୋକମାନଙ୍କ ସନ୍ତାନଗଣର ଦେଶ-ନିକଟସ୍ଥ ନଦୀର ନିକଟବର୍ତ୍ତୀ ପଥୋର ନଗରକୁ ବାର୍ତ୍ତାବହ ପଠାଇ ଏହା କହିଲେ, "ଦେଖ, ମିସରରୁ ବାହାର ହୋଇ ଏକ ଜନତା ଆସିଅଛନ୍ତି; ଦେଖ, ସେମାନେ ପୃଥିବୀର ମୁଖ ଆଚ୍ଛନ୍ନ କରନ୍ତି; ପୁଣି, ଆମ୍ଭ ସମ୍ମୁଖରେ ବାସ କରନ୍ତି ।"
\v 6 ଏହେତୁ ଆମ୍ଭେ ନିବେଦନ କରୁଅଛୁ, ତୁମ୍ଭେ ଆସି ଆମ୍ଭ ନିମନ୍ତେ ଏହି ଲୋକମାନଙ୍କୁ ଅଭିଶାପ ଦିଅ; କାରଣ ସେମାନେ ଆମ୍ଭ ପ୍ରତି ଅତି ବଳବାନ୍‍; ହୋଇପାରେ, ଆମ୍ଭେ ସେମାନଙ୍କୁ ପରାଜୟ କରି ଦେଶରୁ ଦୂର କରି ପାରିବା; ଯେହେତୁ ଆମ୍ଭେ ଜାଣୁ, ତୁମ୍ଭେ ଯାହାକୁ ଆଶୀର୍ବାଦ କର, ସେ ଆଶୀର୍ବାଦ ପାଏ, ପୁଣି, ତୁମ୍ଭେ ଯାହାକୁ ଅଭିଶାପ ଦିଅ, ସେ ଅଭିଶାପଗ୍ରସ୍ତ ହୁଏ ।
\s5
\v 7 ତହିଁରେ ମୋୟାବର ପ୍ରାଚୀନବର୍ଗ ଓ ମିଦୀୟନର ପ୍ରାଚୀନବର୍ଗ ମନ୍ତ୍ରର ପୁରସ୍କାର ହସ୍ତରେ ଘେନି ପ୍ରସ୍ଥାନ କଲେ; ପୁଣି, ସେମାନେ ବିଲୀୟମ ନିକଟରେ ଉପସ୍ଥିତ ହୋଇ ବାଲାକଙ୍କ କଥା ତାହାକୁ କହିଲେ ।
\v 8 ତହୁଁ ସେ ସେମାନଙ୍କୁ କହିଲା, "ତୁମ୍ଭେମାନେ ଆଜି ରାତ୍ରି ଏଠାରେ ରୁହ, ଆଉ ସଦାପ୍ରଭୁ ମୋତେ ଯାହା କହିବେ, ତାହା ମୁଁ ପୁନର୍ବାର ତୁମ୍ଭମାନଙ୍କୁ ଜଣାଇବି"; ତହିଁରେ ମୋୟାବର ଅଧିପତିମାନେ ବିଲୀୟମ ସଙ୍ଗରେ ରହିଲେ ।
\s5
\v 9 ଏଉତ୍ତାରେ ପରମେଶ୍ୱର ବିଲୀୟମ ନିକଟକୁ ଆସି ତାହାକୁ କହିଲେ, "ତୁମ୍ଭ ସଙ୍ଗରେ ଏହି ଲୋକମାନେ କିଏ" ?
\v 10 ତହୁଁ ବିଲୀୟମ ପରମେଶ୍ୱରଙ୍କୁ କହିଲା, "ମୋୟାବର ରାଜା ସିପ୍ପୋରର ପୁତ୍ର ବାଲାକ ମୋ' ନିକଟକୁ ଏହା କହି ପଠାଇ ଅଛନ୍ତି;
\v 11 ଦେଖ, ଏହି ଯେଉଁ ଲୋକମାନେ ମିସରରୁ ବାହାରି ଆସିଅଛନ୍ତି, ସେମାନେ ସମଗ୍ର ଦେଶକୁ ଆଚ୍ଛନ୍ନ କରିଅଛନ୍ତି; ଏବେ ତୁମ୍ଭେ ଆସି ଆମ୍ଭ ନିମନ୍ତେ ସେମାନଙ୍କୁ ଅଭିଶାପ ଦିଅ, ହୋଇପାରେ, ଆମ୍ଭେ ସେମାନଙ୍କ ବିରୁଦ୍ଧରେ ଯୁଦ୍ଧ କରି ସେମାନଙ୍କୁ ତଡ଼ି ଦେଇ ପାରିବା ।"
\s5
\v 12 ତହିଁରେ ପରମେଶ୍ୱର ବିଲୀୟମକୁ କହିଲେ, "ତୁମ୍ଭେ ସେମାନଙ୍କ ସଙ୍ଗେ ଯିବ ନାହିଁ; ତୁମ୍ଭେ ସେହି ଲୋକମାନଙ୍କୁ ଅଭିଶାପ ଦେବ ନାହିଁ; କାରଣ ସେମାନେ ଆଶୀର୍ବାଦପ୍ରାପ୍ତ ଅଟନ୍ତି ।
\v 13 ଏଥିରେ ବିଲୀୟମ ପ୍ରାତଃକାଳରେ ଉଠି ବାଲାକଙ୍କ ଅଧିପତିମାନଙ୍କୁ କହିଲା, "ତୁମ୍ଭେମାନେ ଆପଣା ଦେଶକୁ ଯାଅ, କାରଣ ସଦାପ୍ରଭୁ ମୋତେ ତୁମ୍ଭମାନଙ୍କ ସହିତ ଯିବା ପାଇଁ ଅନୁମତି ଦେବାକୁ ମନା କରିଅଛନ୍ତି ।"
\v 14 ଏଣୁ ମୋୟାବର ଅଧିପତିମାନେ ଉଠି ବାଲାକଙ୍କ ନିକଟକୁ ଯାଇ କହିଲେ, "ବିଲୀୟମ ଆମ୍ଭମାନଙ୍କ ସଙ୍ଗେ ଆସିବାକୁ ମନା କରୁଅଛି ।"
\s5
\v 15 ଏଉତ୍ତାରେ ବାଲାକ ସେମାନଙ୍କଠାରୁ ଅଧିକ ସଂଖ୍ୟକ ଓ ଅଧିକ ସମ୍ଭ୍ରାନ୍ତ ଅଧିପତିମାନଙ୍କୁ ପୁନର୍ବାର ପଠାଇଲେ ।
\v 16 ତହୁଁ ସେମାନେ ବିଲୀୟମ ନିକଟକୁ ଆସି ତାହାକୁ କହିଲେ, "ସିପ୍ପୋରର ପୁତ୍ର ବାଲାକ ଏହି କଥା କହନ୍ତି, ଆମ୍ଭେ ବିନୟ କରୁଅଛୁ, ଆମ୍ଭ କତିକୁ ଆସିବାକୁ ତୁମ୍ଭେ ନିବାରିତ ହୁଅ ନାହିଁ ।"
\v 17 କାରଣ ଆମ୍ଭେ ତୁମ୍ଭକୁ ସମ୍ଭ୍ରମ ଦେଇ ମହାସମ୍ଭ୍ରାନ୍ତ କରିବା, ପୁଣି, ଯାହା ତୁମ୍ଭେ ଆମ୍ଭକୁ କହିବ, ଆମ୍ଭେ ତାହା କରିବା; ଏଣୁ ବିନୟ କରୁଅଛୁ, ଆସ, ଆମ୍ଭ ନିମନ୍ତେ ଏହି ଲୋକମାନଙ୍କୁ ଅଭିଶାପ ଦିଅ ।
\s5
\v 18 ଏଥିରେ ବିଲୀୟମ ଉତ୍ତର ଦେଇ ବାଲାକଙ୍କ ଦାସମାନଙ୍କୁ କହିଲା, "ଯଦ୍ୟପି ବାଲାକ ରୂପା ଓ ସୁନାରେ ପରିପୂର୍ଣ୍ଣ ଆପଣା ଗୃହ ମୋତେ ଦିଅନ୍ତି, ତଥାପି ଊଣା କି ଅଧିକ କରିବାକୁ ମୁଁ ଆପଣା ପରମେଶ୍ୱର ସଦାପ୍ରଭୁଙ୍କ ବାକ୍ୟର ବାହାରେ ଯାଇ ପାରେ ନାହିଁ ।
\v 19 ଏନିମନ୍ତେ ବିନୟ କରୁଅଛି, ତୁମ୍ଭେମାନେ ହେଁ ଆଜି ରାତ୍ରି ଏଠାରେ ରୁହ, ସଦାପ୍ରଭୁ ମୋତେ ଆଉ ଯାହା କହିବେ, ତାହା ମୁଁ ଜାଣିବି ।"
\v 20 ଏଥିରେ ପରମେଶ୍ୱର ରାତ୍ରିରେ ବିଲୀୟମ ନିକଟକୁ ଆସି କହିଲେ, "ଯଦି ଏହି ଲୋକମାନେ ତୁମ୍ଭକୁ ଡାକିବାକୁ ଆସନ୍ତି, ତେବେ ଉଠ, ସେମାନଙ୍କ ସଙ୍ଗେ ଯାଅ; ମାତ୍ର ଆମ୍ଭେ ତୁମ୍ଭକୁ ଯେଉଁ କଥା କହିବା; କେବଳ ତାହା ହିଁ ତୁମ୍ଭେ କହିବ ।"
\s5
\v 21 ତହିଁରେ ବିଲୀୟମ ପ୍ରାତଃକାଳରେ ଉଠି ଆପଣା ଗର୍ଦ୍ଦଭୀ ସଜାଇ ମୋୟାବର ଅଧିପତିମାନଙ୍କ ସହିତ ଗମନ କଲା ।
\s ବିଲୀୟମଙ୍କ ଗଧ ଏବଂ ଦୂତ
\p
\v 22 ଏଥିରେ ସେ ଯିବା ସକାଶୁ ପରମେଶ୍ୱରଙ୍କ କ୍ରୋଧ ପ୍ରଜ୍ୱଳିତ ହେଲା, ପୁଣି, ସଦାପ୍ରଭୁଙ୍କ ଦୂତ ତାହାର ଶତ୍ରୁ ରୂପେ ପଥ ମଧ୍ୟରେ ଠିଆ ହୋଇ ରହିଲେ; ସେତେବେଳେ ସେ ଆପଣା ଗର୍ଦ୍ଦଭୀ ଉପରେ ଚଢ଼ି ଯାଉଥିଲା ଓ ତାହାର ଦୁଇ ଦାସ ତାହା ସଙ୍ଗରେ ଥିଲେ ।
\v 23 ଏଥିରେ ସେହି ଗର୍ଦ୍ଦଭୀ ସଦାପ୍ରଭୁଙ୍କ ଦୂତଙ୍କୁ ପଥ ମଧ୍ୟରେ ନିଷ୍କୋଷ ଖଡ଼୍‍ଗ ହସ୍ତରେ ଧରି ଠିଆ ହୋଇଥିବାର ଦେଖିଲା; ତହୁଁ ଗର୍ଦ୍ଦଭୀ ବାଟ ଛାଡ଼ି ବିଲ ଆଡ଼କୁ ଗଲା ତହିଁରେ ବିଲୀୟମ ଗର୍ଦ୍ଦଭୀକୁ ବାଟକୁ ଫେରାଇ ଆଣିବା ପାଇଁ ପ୍ରହାର କଲା;
\s5
\v 24 ତେବେ ସଦାପ୍ରଭୁଙ୍କ ଦୂତ ଦୁଇ ଦ୍ରାକ୍ଷାକ୍ଷେତ୍ରର ଏପାଖେ ପ୍ରାଚୀର ଓ ସେପାଖେ ପ୍ରାଚୀର ଥିବା ଗଳିପଥରେ ଠିଆ ହେଲେ ।
\v 25 ସେହି ସମୟରେ ଗର୍ଦ୍ଦଭୀ ସଦାପ୍ରଭୁଙ୍କ ଦୂତଙ୍କୁ ଦେଖି କାନ୍ଥ ଆଡ଼କୁ ଠେଲି ହୋଇ ଯିବାରୁ ବିଲୀୟମର ଗୋଡ଼ କାନ୍ଥରେ ଘଷି ହେଲା; ତହିଁରେ ସେ ପୁନର୍ବାର ତାହାକୁ ପ୍ରହାର କଲା ।
\s5
\v 26 ଏଉତ୍ତାରେ ସଦାପ୍ରଭୁଙ୍କ ଦୂତ ଆହୁରି ଆଗକୁ ଯାଇ ଏକ ସଂକୀର୍ଣ୍ଣ ସ୍ଥାନରେ ଠିଆ ହେଲେ, ସେଠାରେ ଡାହାଣରେ କିମ୍ବା ବାମରେ ଫେରିବାର ସ୍ଥାନ ନ ଥିଲା ।
\v 27 ସେତେବେଳେ ଗର୍ଦ୍ଦଭୀ ସଦାପ୍ରଭୁଙ୍କ ଦୂତଙ୍କୁ ଦେଖି ବିଲୀୟମର ତଳେ ଶୋଇ ପଡ଼ିଲା; ତହିଁରେ ବିଲୀୟମର କ୍ରୋଧ ପ୍ରଜ୍ୱଳିତ ହୁଅନ୍ତେ, ସେ ଗର୍ଦ୍ଦଭୀକୁ ଆପଣା ଯଷ୍ଟିରେ ପ୍ରହାର କଲା ।
\s5
\v 28 ତହୁଁ ସଦାପ୍ରଭୁ ଗର୍ଦ୍ଦଭୀର ମୁଖ ଫିଟାଇଲେ, ତେଣୁ ସେ ବିଲୀୟମକୁ କହିଲା, "ମୁଁ ତୁମ୍ଭର କଅଣ କଲି ଯେ, ତୁମ୍ଭେ ମୋତେ ଏହି ତିନିଥର ପ୍ରହାର କଲ ।"
\v 29 ତେବେ ବିଲୀୟମ ଗର୍ଦ୍ଦଭୀକୁ କହିଲା, "କାରଣ ତୁ ମୋତେ ପରିହାସ କରୁଅଛୁ; ମୋ' ହାତରେ ଖଣ୍ଡା ଥିଲେ ମୁଁ ଏବେ ତୋତେ ବଧ କରନ୍ତି ।"
\v 30 ପୁଣି, ଗର୍ଦ୍ଦଭୀ ବିଲୀୟମକୁ କହିଲା, "ତୁମ୍ଭେ ଜନ୍ମାବଧି ଆଜି ପର୍ଯ୍ୟନ୍ତ ଯାହା ଉପରେ ଚଢ଼ି ଆସିଅଛ, ମୁଁ କି ତୁମ୍ଭର ସେହି ଗର୍ଦ୍ଦଭୀ ନୁହେଁ ? ମୁଁ କି ପୂର୍ବେ କେବେ ତୁମ୍ଭ ପ୍ରତି ଏପରି କରିଥିଲି" ? ତହୁଁ ସେ କହିଲା, "ନା ।"
\s5
\v 31 ଏଥିରେ ସଦାପ୍ରଭୁ ବିଲୀୟମର ଚକ୍ଷୁ ପ୍ରସନ୍ନ କରନ୍ତେ, ସେ ସଦାପ୍ରଭୁଙ୍କ ଦୂତଙ୍କୁ ପଥ ମଧ୍ୟରେ ନିଷ୍କୋଷ ଖଡ଼୍‍ଗ ହସ୍ତରେ ଧରି ଠିଆ ହୋଇଥିବାର ଦେଖିଲା; ତହିଁରେ ସେ ମସ୍ତକ ନୁଆଁଇ ମୁହଁ ମାଡ଼ି ପଡ଼ିଲା ।
\v 32 ସେତେବେଳେ ସଦାପ୍ରଭୁଙ୍କ ଦୂତ ତାହାକୁ କହିଲେ, "ତୁମ୍ଭେ ଏହି ତିନିଥର ଆପଣା ଗର୍ଦ୍ଦଭୀକୁ କାହିଁକି ପ୍ରହାର କଲ ? ଦେଖ, ଆମ୍ଭେ ତୁମ୍ଭର ଶତ୍ରୁ ରୂପେ ବାହାର ହୋଇଅଛୁ, ଯେହେତୁ ଆମ୍ଭ ସାକ୍ଷାତରେ ତୁମ୍ଭର ଗତି ବିପଥଗାମୀ ହୋଇଅଛି;
\v 33 ପୁଣି, ଗର୍ଦ୍ଦଭୀ ଆମ୍ଭକୁ ଦେଖି ଏହି ତିନିଥର ଆମ୍ଭ ସମ୍ମୁଖରୁ ଫେରିଲା; ସେ ଯଦି ଆମ୍ଭ ସମ୍ମୁଖରୁ ଫେରି ନ ଥା'ନ୍ତା, ତେବେ ନିଶ୍ଚୟ ଆମ୍ଭେ ତୁମ୍ଭକୁ ବଧ କରିଥା'ନ୍ତୁ, ଆଉ ତାହାକୁ ଜୀଅନ୍ତା ରଖିଥା'ନ୍ତୁ ।"
\s5
\v 34 ତହିଁରେ ବିଲୀୟମ ସଦାପ୍ରଭୁଙ୍କ ଦୂତଙ୍କୁ କହିଲା, "ମୁଁ ପାପ କରିଅଛି; କାରଣ ତୁମ୍ଭେ ଯେ ମୋ' ବିପକ୍ଷରେ ପଥରେ ଠିଆ ହୋଇଅଛ; ତାହା ମୁଁ ଜାଣିଲି ନାହିଁ; ଏଣୁ ଏବେ, ଯଦି ତାହା ତୁମ୍ଭ ଦୃଷ୍ଟିରେ ମନ୍ଦ ହୁଏ, ତେବେ ମୁଁ ଫେରିଯିବି ।"
\v 35 ତହିଁରେ ସଦାପ୍ରଭୁଙ୍କ ଦୂତ ବିଲୀୟମକୁ କହିଲେ, "ସେହି ଲୋକମାନଙ୍କ ସଙ୍ଗେ ଯାଅ; ମାତ୍ର ଆମ୍ଭେ ତୁମ୍ଭକୁ ଯେଉଁ କଥା କହିବା, କେବଳ ତାହା ତୁମ୍ଭେ କହିବ ।" ତହିଁରେ ବିଲୀୟମ ବାଲାକଙ୍କ ଅଧିପତିମାନଙ୍କ ସହିତ ଗମନ କଲା ।
\s5
\v 36 ଏଥିଉତ୍ତାରେ ବିଲୀୟମର ଆଗମନ ସମ୍ବାଦ ଶୁଣି ବାଲାକ ତାହା ସଙ୍ଗେ ଭେଟିବା ପାଇଁ ଦେଶର ପ୍ରାନ୍ତସ୍ଥିତ ଅର୍ଣ୍ଣୋନର ସୀମାନ୍ତବର୍ତ୍ତୀ ମୋୟାବ ନଗରକୁ ଗମନ କଲେ ।
\v 37 ପୁଣି, ବାଲାକ ବିଲୀୟମକୁ କହିଲେ, "ଆମ୍ଭେ କି ତୁମ୍ଭକୁ ଡାକିବା ପାଇଁ ଅତି ଯତ୍ନରେ ଲୋକ ପଠାଇଲୁ ନାହିଁ ? ତୁମ୍ଭେ କାହିଁକି ଆମ୍ଭ ନିକଟକୁ ଆସିଲ ନାହିଁ ? ଆମ୍ଭେ କି ତୁମ୍ଭକୁ ସମ୍ଭ୍ରମ ଦେଇ ସମ୍ଭ୍ରାନ୍ତ କରିବାକୁ ନିତାନ୍ତ ଅସମର୍ଥ "?
\s5
\v 38 ତହୁଁ ବିଲୀୟମ ବାଲାକଙ୍କୁ କହିଲା, "ଏହି ଦେଖ, ମୁଁ ତୁମ୍ଭ ନିକଟକୁ ଆସିଅଛି; ମାତ୍ର ଏବେ କୌଣସି କଥା କହିବାକୁ କି ମୋହର କିଛି ସାମର୍ଥ୍ୟ ଅଛି ? ପରମେଶ୍ୱର ମୋ' ମୁଖରେ ଯେଉଁ ବାକ୍ୟ ଦେବେ ତାହା ହିଁ ମୁଁ କହିବି ।"
\v 39 ଏଉତ୍ତାରେ ବିଲୀୟମ ବାଲାକ ସହିତ ଗମନ କରି କିରୀୟତ୍‍-ହୁଷୋତରେ ଉପସ୍ଥିତ ହେଲା ।
\v 40 ତହୁଁ ବାଲାକ ଗୋରୁ ଓ ମେଷ ବଳିଦାନ କରି ବିଲୀୟମ ଓ ତାହାର ସଙ୍ଗୀ ଅଧିପତିମାନଙ୍କ ନିକଟକୁ ପଠାଇଲେ ।
\s5
\v 41 ପୁଣି, ପ୍ରଭାତରେ ବାଲାକ ବିଲୀୟମକୁ ସଙ୍ଗେ ନେଇ ବାଲର ଉଚ୍ଚସ୍ଥଳୀରେ ଆରୋହଣ କରାଇଲେ; ଆଉ ସେହିଠାରୁ ସେ ଲୋକମାନଙ୍କର ଶେଷ ସୀମା ପର୍ଯ୍ୟନ୍ତ ଦେଖିଲେ ।
\s5
\c 23
\s ବିଲୀୟମଙ୍କ ପ୍ରଥମ ଭବିଷ୍ୟତବାଣୀ
\p
\v 1 ଏଥିଉତ୍ତାରେ ବିଲୀୟମ ବାଲାକଙ୍କୁ କହିଲା, "ଏହି ସ୍ଥାନରେ ମୋ' ପାଇଁ ସାତଗୋଟି ଯଜ୍ଞବେଦି ନିର୍ମାଣ କର ଓ ଏହି ସ୍ଥାନରେ ମୋ' ପାଇଁ ସାତ ଗୋବତ୍ସ ଓ ସାତ ମେଷ ଆୟୋଜନ କର ।"
\v 2 ତହିଁରେ ବାଲାକ ବିଲୀୟମର କଥାନୁସାରେ କଲେ; ପୁଣି, ବାଲାକ ଓ ବିଲୀୟମ ପ୍ରତ୍ୟେକ ଯଜ୍ଞବେଦିରେ ଏକ ଏକ ଗୋବତ୍ସ ଓ ଏକ ଏକ ମେଷ ଉତ୍ସର୍ଗ କଲେ ।
\v 3 ତହୁଁ ବିଲୀୟମ ବାଲାକଙ୍କୁ କହିଲା, "ତୁମ୍ଭେ ଆପଣା ହୋମବଳି ନିକଟରେ ଠିଆ ହୁଅ, ମୁଁ ଯିବି କେଜାଣି ସଦାପ୍ରଭୁ ମୋତେ ସାକ୍ଷାତ କରିବାକୁ ଆସିବେ; ଆଉ ସେ ଯାହା ମୋତେ ଦେଖାଇବେ, ତାହା ମୁଁ ତୁମ୍ଭକୁ କହିବି ।" ପୁଣି, ସେ ଏକ ଉଚ୍ଚ ସ୍ଥାନକୁ ଗଲା ।
\s5
\v 4 ସେତେବେଳେ ପରମେଶ୍ୱର ବିଲିୟମକୁ ସାକ୍ଷାତ କଲେ; ତହିଁରେ ସେ ତାହାଙ୍କୁ କହିଲା, "ମୁଁ ସାତ ଯଜ୍ଞବେଦି ପ୍ରସ୍ତୁତ କରିଅଛି ଓ ମୁଁ ପ୍ରତ୍ୟେକ ଯଜ୍ଞବେଦିରେ ଏକ ଗୋବତ୍ସ ଓ ଏକ ମେଷ ଉତ୍ସର୍ଗ କରିଅଛି ।"
\v 5 ସେତେବେଳେ ସଦାପ୍ରଭୁ ବିଲୀୟମର ମୁଖରେ ଏକ ବାକ୍ୟ ଦେଇ ତାହାକୁ କହିଲେ, "ତୁମ୍ଭେ ବାଲାକ ନିକଟକୁ ଫେରି ଯାଅ, ପୁଣି, ତାହାକୁ ଏହିପରି କୁହ ।"
\v 6 ତହିଁରେ ସେ ତାଙ୍କ ନିକଟକୁ ଫେରିଗଲା, ସେହି ସମୟରେ ଦେଖ, ସେ ଆପଣା ହୋମବଳି ନିକଟରେ ଠିଆ ହୋଇଥିଲେ, ସେ ଓ ମୋୟାବର ଅଧିପତି ସମସ୍ତେ (ଠିଆ ହୋଇଥିଲେ) ।
\s5
\v 7 ତହୁଁ ସେ ଆପଣା ପ୍ରସଙ୍ଗ ନେଇ କହିଲା, "ବାଲାକ ଅରାମଠାରୁ, ମୋୟାବର ରାଜା ପୂର୍ବ ଦିଗସ୍ଥିତ ପର୍ବତ-ଶ୍ରେଣୀରୁ ମୋତେ ଆଣିଅଛି; ଆସ, ଆମ୍ଭ ନିମନ୍ତେ ଯାକୁବକୁ ଅଭିଶାପ ଦିଅ; ପୁଣି, ଆସ, ଇସ୍ରାଏଲକୁ ଅଭିଶପ୍ତ କର ।"
\v 8 ପରମେଶ୍ୱର ଯାହାକୁ ଅଭିଶାପ ଦେଇ ନାହାନ୍ତି, ମୁଁ କିରୂପେ ତାହାକୁ ଅଭିଶାପ ଦେବି ? ସଦାପ୍ରଭୁ ଯାହାକୁ ଅଭିଶପ୍ତ କରି ନାହାନ୍ତି, ମୁଁ କିରୂପେ ତାହାକୁ ଅଭିଶପ୍ତ କରିବି ?
\s5
\v 9 କାରଣ ଶୈଳମାଳାର ଶିଖରରୁ ମୁଁ ତାହାକୁ ଦେଖୁଅଛି ଓ ଗିରିଶ୍ରେଣୀରୁ ମୁଁ ତାହାକୁ ଦର୍ଶନ କରୁଅଛି । ଦେଖ, ଏହି ଲୋକମାନେ ଅଲଗା ବାସ କରନ୍ତି, ସେମାନେ ଅନ୍ୟ ଦେଶୀୟମାନଙ୍କ ମଧ୍ୟରେ ଗଣିତ ହେବେ ନାହିଁ ।
\s5
\v 10 ଯାକୁବର ଧୂଳି କିଏ ଗଣି ପାରେ ଅବା ଇସ୍ରାଏଲର ଚତୁର୍ଥାଂଶର ସଂଖ୍ୟା କିଏ କହି ପାରେ; ଧାର୍ମିକର ମରଣ ମୁଁ ମରେ, ମୋହର ଶେଷାବସ୍ଥା ତାହାର ତୁଲ୍ୟ ହେଉ ।
\s5
\v 11 ଏଥିରେ ବାଲାକ ବିଲୀୟମକୁ କହିଲେ, "ତୁମ୍ଭେ ଆମ୍ଭ ପ୍ରତି ଏ କି କଲ ? ଆମ୍ଭର ଶତ୍ରୁମାନଙ୍କୁ ଅଭିଶାପ ଦେବା ପାଇଁ ଆମ୍ଭେ ତୁମ୍ଭକୁ ନେଇଗଲୁ, ଆଉ ଦେଖ, ତୁମ୍ଭେ ସେମାନଙ୍କୁ ସର୍ବୋତୋଭାବେ ଆଶୀର୍ବାଦ କଲ ।"
\v 12 ତହିଁରେ ସେ ଉତ୍ତର ଦେଇ କହିଲା, "ସଦାପ୍ରଭୁ ମୋ' ମୁଖରେ ଯେଉଁ କଥା ଦିଅନ୍ତି, ସାବଧାନ ହୋଇ ତାହା ହିଁ କହିବା କି ମୋହର ଉଚିତ୍‍ ନୁହେଁ ?
\s ବିଲୀୟମଙ୍କ ଦ୍ୱିତୀୟ ଭବିଷ୍ୟତବାଣୀ
\p
\s5
\v 13 ଏଉତ୍ତାରେ ବାଲାକ କହିଲେ, "ଆମ୍ଭେ ନିବେଦନ କରୁଅଛୁ, ତୁମ୍ଭେ ଯେଉଁ ସ୍ଥାନରୁ ସେମାନଙ୍କୁ ଦେଖି ପାରିବ, ଏପରି ଅନ୍ୟ ଏକ ସ୍ଥାନକୁ ଆମ୍ଭ ସଙ୍ଗେ ଆସ; ତୁମ୍ଭେ କେବଳ ସେମାନଙ୍କର ଶେଷସୀମାସ୍ଥିତ ଲୋକମାନଙ୍କୁ ଦେଖିବ, ମାତ୍ର ସମସ୍ତଙ୍କୁ ଦେଖି ପାରିବ ନାହିଁ; ସେହିଠାରୁ ଆମ୍ଭ ନିମନ୍ତେ ସେମାନଙ୍କୁ ଅଭିଶାପ ଦିଅ ।"
\v 14 ସେତେବେଳେ ବାଲାକ ତାହାକୁ ପିସ୍‍ଗାର ପୃଷ୍ଠସ୍ଥିତ ସୋଫୀମ୍‍ କ୍ଷେତ୍ରକୁ ନେଇ ଯାଇ ସେହି ସ୍ଥାନରେ ସାତ ବେଦି ନିର୍ମାଣ କଲେ, ପୁଣି, ପ୍ରତ୍ୟେକ ବେଦିରେ ଏକ ଏକ ଗୋବତ୍ସ ଓ ଏକ ଏକ ମେଷ ଉତ୍ସର୍ଗ କଲେ ।
\v 15 ତହୁଁ ସେ ବାଲାକଙ୍କୁ କହିଲା, "ମୁଁ ଯେପର୍ଯ୍ୟନ୍ତ ସେହି ସ୍ଥାନରେ ପରମେଶ୍ୱରଙ୍କ ସହିତ ସାକ୍ଷାତ୍‍ କରିବି, ସେପର୍ଯ୍ୟନ୍ତ ତୁମ୍ଭେ ଏହି ସ୍ଥାନରେ ଆପଣା ହୋମବଳି ନିକଟରେ ଠିଆ ହୋଇଥାଅ ।"
\s5
\v 16 ଏଥିରେ ସଦାପ୍ରଭୁ ବିଲୀୟମ ସହିତ ସାକ୍ଷାତ କଲେ, ପୁଣି, ତାହାର ମୁଖରେ ଗୋଟିଏ, ବାକ୍ୟ ଦେଇ ତାହାକୁ କହିଲେ, "ତୁମ୍ଭେ ବାଲାକ ନିକଟକୁ ଫେରି ଯାଇ ତାହାକୁ ଏହି କଥା କହିବ ।"
\v 17 ତହୁଁ ସେ ତାଙ୍କ ନିକଟକୁ ଆସିଲା, ଆଉ ଦେଖ, ସେ ଆପଣା ହୋମବଳି ନିକଟରେ ଠିଆ ହୋଇଥିଲେ, ଆଉ ମୋୟାବର ଅଧିପତିମାନେ ତାଙ୍କ ସଙ୍ଗରେ ଥିଲେ । ତେବେ ବାଲାକ ତାକୁ ପଚାରିଲେ, ସଦାପ୍ରଭୁ କଅଣ କହିଅଛନ୍ତି ?
\v 18 ତହିଁରେ ସେ ଆପଣା ପ୍ରସଙ୍ଗ ନେଇ କହିଲା, "ହେ ବାଲାକ, ଉଠ, ଶ୍ରବଣ କର; ହେ ସିପ୍ପୋରର ପୁତ୍ର, ମୋ' କଥାରେ କର୍ଣ୍ଣପାତ କର ।"
\s5
\v 19 ପରମେଶ୍ୱର ମନୁଷ୍ୟ ନୁହଁନ୍ତି ଯେ, ସେ ମିଥ୍ୟା କହିବେ; କିଅବା ସେ ମନୁଷ୍ୟର ସନ୍ତାନ ନୁହଁନ୍ତି ଯେ, ସେ ଅନୁତାପ କରିବେ; ସେ କହିଅଛନ୍ତି, ଆଉ ସେ କି ତାହା କରିବେ ନାହିଁ ? ସେ କହିଅଛନ୍ତି, ଆଉ ତାହା କି ସେ ସିଦ୍ଧ କରିବେ ନାହିଁ ?
\v 20 ଦେଖ, ମୁଁ ଆଶୀର୍ବାଦ କରିବାକୁ ଆଜ୍ଞା ପାଇଅଛି; ପୁଣି, ସେ ଆଶୀର୍ବାଦ କରିଅଛନ୍ତି, ଏଣୁ ମୁଁ ତାହା ଅନ୍ୟଥା କରି ନ ପାରେ ।
\s5
\v 21 ସେ ଯାକୁବ ମଧ୍ୟରେ ଅଧର୍ମ ଦୃଷ୍ଟିଗୋଚର କରି ନାହାନ୍ତି, କିଅବା ସେ ଇସ୍ରାଏଲ ମଧ୍ୟରେ ଉପଦ୍ରବ ଦେଖି ନାହାନ୍ତି; ସେମାନଙ୍କର ପରମେଶ୍ୱର ସଦାପ୍ରଭୁ ସେମାନଙ୍କ ସଙ୍ଗରେ ଅଛନ୍ତି, ପୁଣି, ରାଜାର ଜୟଧ୍ୱନି ସେମାନଙ୍କ ମଧ୍ୟରେ ଅଛି ।
\v 22 ପରମେଶ୍ୱର ସେମାନଙ୍କୁ ମିସରରୁ ବାହାର କରି ଆଣୁଅଛନ୍ତି; ଅରଣା ତୁଲ୍ୟ ସେମାନଙ୍କର ବଳ ।
\s5
\v 23 ନିତାନ୍ତ ଯାକୁବ ପାଇଁ କୌଣସି ଗଣକତା ନାହିଁ, କିଅବା ଇସ୍ରାଏଲ ପାଇଁ କୌଣସି ମନ୍ତ୍ର ନାହିଁ; ଏହିକ୍ଷଣି ଯାକୁବ ଓ ଇସ୍ରାଏଲ ବିଷୟରେ କୁହାଯିବ, ପରମେଶ୍ୱର କି କର୍ମ କରିଅଛନ୍ତି !
\s5
\v 24 ଦେଖ, ସେହି ଲୋକସମୂହ ସିଂହୀ ପରି ଉଠୁଅଛନ୍ତି; ପୁଣି, ସେ ସିଂହ ପରି ଆପଣାକୁ ଉଠାଉଅଛି; ଯେପର୍ଯ୍ୟନ୍ତ ସେ ଶିକାର ଭୋଜନ ନ କରେ ଓ ହତ ଲୋକମାନଙ୍କର ରକ୍ତ ପାନ ନ କରେ, ସେପର୍ଯ୍ୟନ୍ତ ଶୟନ କରିବ ନାହିଁ ।
\s5
\v 25 ଏଥିଉତ୍ତାରେ ବାଲାକ ବିଲୀୟମକୁ କହିଲେ, "ତୁମ୍ଭେ ସେମାନଙ୍କୁ କିଛି ଅଭିଶାପ ଦିଅ ନାହିଁ, କିଅବା ସେମାନଙ୍କୁ କିଛି ଆଶୀର୍ବାଦ କର ନାହିଁ ।"
\v 26 ତହିଁରେ ବିଲୀୟମ ଉତ୍ତର ଦେଇ ବାଲାକଙ୍କୁ କହିଲା, "ସଦାପ୍ରଭୁ ମୋତେ ଯାହା କିଛି କହିବେ, ତାହା ହିଁ ମୁଁ କରିବି; ଏହା କି ମୁଁ ତୁମ୍ଭକୁ କହି ନାହିଁ" ?
\v 27 ତହୁଁ ବାଲାକ ବିଲୀୟମକୁ କହିଲେ, "ବିନୟ କରୁଅଛୁ, ଆସ, ଆମ୍ଭେ ତୁମ୍ଭକୁ ଅନ୍ୟ ଏକ ସ୍ଥାନକୁ ନେଇ ଯିବା; ହୋଇପାରେ, ସେହି ସ୍ଥାନରେ ଆମ୍ଭ ନିମନ୍ତେ ସେମାନଙ୍କୁ ଅଭିଶାପ ଦେବାର ପରମେଶ୍ୱରଙ୍କ ଦୃଷ୍ଟିରେ ଉପଯୁକ୍ତ ହେବ ।"
\s5
\v 28 ଏଣୁ ବାଲାକ ବିଲୀୟମକୁ ମରୁଭୂମି ଅଭିମୁଖରେ ପିୟୋର ଶିଖରକୁ ନେଇଗଲେ ।
\v 29 ତହିଁରେ ବିଲୀୟମ ବାଲାକଙ୍କୁ କହିଲା, "ଏହି ସ୍ଥାନରେ ମୋ' ପାଇଁ ସାତଗୋଟି ବେଦି ନିର୍ମାଣ କର ଓ ଏହି ସ୍ଥାନରେ ମୋ' ନିମନ୍ତେ ସାତ ଗୋବତ୍ସ ଓ ସାତ ମେଷ ଆୟୋଜନ କର ।"
\v 30 ତହୁଁ ବାଲାକ ବିଲୀୟମର କଥାନୁସାରେ କଲେ ଓ ପ୍ରତ୍ୟେକ ବେଦିରେ ଏକ ଏକ ଗୋବତ୍ସ ଓ ଏକ ଏକ ମେଷ ଉତ୍ସର୍ଗ କଲେ ।
\s5
\c 24
\s ବିଲୀୟମଙ୍କ ତୃତୀୟ ଭବିଷ୍ୟତ୍‍ବାଣୀ
\p
\v 1 ଏଥିଉତ୍ତାରେ ଇସ୍ରାଏଲକୁ ଆଶୀର୍ବାଦ କରିବା ସଦାପ୍ରଭୁଙ୍କ ଦୃଷ୍ଟିରେ ଭଲ, ଏହା ଦେଖି ବିଲୀୟମ ପୂର୍ବ ପରି ଗଣକତା ସାଧିବା ପାଇଁ ଗଲା ନାହିଁ, ମାତ୍ର ପ୍ରାନ୍ତର ଆଡ଼େ ଆପଣା ମୁଖ ରଖିଲା ।
\s5
\v 2 ତହିଁରେ ବିଲୀୟମ ଅନାଇ ଇସ୍ରାଏଲକୁ ଆପଣା ବଂଶାନୁସାରେ ବାସ କରିବାର ଦେଖିଲା; ପୁଣି, ପରମେଶ୍ୱରଙ୍କ ଆତ୍ମା ତାହା ଉପରେ ଅଧିଷ୍ଠାନ କଲେ ।
\v 3 ତେବେ ସେ ଆପଣା ପ୍ରସଙ୍ଗ ନେଇ କହିଲା, "ବିୟୋରର ପୁତ୍ର ବିଲୀୟମ କହୁଅଛି ଓ ଯାହାର ଚକ୍ଷୁ ପ୍ରସନ୍ନ ହୋଇଅଛି, ସେହି ବ୍ୟକ୍ତି କହୁଅଛି,
\s5
\v 4 ଯେ ପରମେଶ୍ୱରଙ୍କ ବାକ୍ୟ ଶୁଣୁଅଛି, ଯେ ସର୍ବଶକ୍ତିମାନଙ୍କର ଦର୍ଶନ ପାଉଅଛି, ସେ ତଳେ ପଡ଼ି ଓ ପ୍ରସନ୍ନ ଚକ୍ଷୁ ହୋଇ କହୁଅଛି ।
\v 5 ହେ ଯାକୁବ, ତୁମ୍ଭର ତମ୍ବୁସବୁ, ହେ ଇସ୍ରାଏଲ, ତୁମ୍ଭର ଆବାସ ସବୁ କିପରି ମନୋହର !
\s5
\v 6 ତାହାସବୁ ଉପତ୍ୟକା ତୁଲ୍ୟ ବିସ୍ତାରିତ, ନଦୀତୀରସ୍ଥ ଉଦ୍ୟାନ ତୁଲ୍ୟ, ସଦାପ୍ରଭୁଙ୍କ ରୋପିତ ଅଗୁରୁ ବୃକ୍ଷ ସଦୃଶ, ଜଳ ନିକଟସ୍ଥ ଏରସ ବୃକ୍ଷ ସଦୃଶ ଅଟେ ।
\s5
\v 7 ତାହାର କଳସରୁ ଜଳ ଉଚ୍ଛୁଳିବ, ତାହାର ବୀଜ ଅନେକ ଜଳରେ ପଡ଼ିବ, ପୁଣି, ତାହାର ରାଜା ଆଗାଗଠାରୁ ଉଚ୍ଚୀକୃତ ହେବେ ଓ ତାହାର ରାଜ୍ୟ ଉନ୍ନତ ହେବ ।
\s5
\v 8 ପରମେଶ୍ୱର ତାହାକୁ ମିସରରୁ ବାହାର କରି ଆଣୁଅଛନ୍ତି; ତାହାର ବଳ ଅରଣାର ତୁଲ୍ୟ; ସେ ଆପଣା ବିପକ୍ଷ ଦେଶୀୟମାନଙ୍କୁ ଗ୍ରାସ କରିବ ଓ ସେମାନଙ୍କର ଅସ୍ଥିସବୁ ଚୂର୍ଣ୍ଣ କରିବ ଓ ଆପଣା ବାଣ ଦ୍ୱାରା ସେମାନଙ୍କୁ ଭେଦ କରିବ ।
\s5
\v 9 ସେ ନଇଁ ପଡ଼ିଲା, ସେ ସିଂହ ତୁଲ୍ୟ ଓ ସିଂହୀ ତୁଲ୍ୟ ଶୟନ କଲା; କିଏ ତାହାକୁ ଉଠାଇବ ? ଯେଉଁମାନେ ତୁମ୍ଭକୁ ଆଶୀର୍ବାଦ କରନ୍ତି, ସେମାନେ ପ୍ରତ୍ୟେକେ ଆଶୀର୍ବାଦପ୍ରାପ୍ତ ହେଉନ୍ତୁ, ଯେଉଁମାନେ ତୁମ୍ଭକୁ ଅଭିଶାପ ଦିଅନ୍ତି, ସେମାନେ ପ୍ରତ୍ୟେକେ ଅଭିଶାପଗ୍ରସ୍ତ ହେଉନ୍ତୁ ।"
\s5
\v 10 ଏଥିରେ ବିଲୀୟମ ବିରୁଦ୍ଧରେ ବାଲାକଙ୍କ କ୍ରୋଧ ପ୍ରଜ୍ୱଳିତ ହେଲା, ତହୁଁ ସେ ଆପଣା ହାତରେ ହାତ ମାରିଲେ; ପୁଣି, ବାଲାକ ବିଲୀୟମକୁ କହିଲେ, "ଆମ୍ଭେ ଆପଣା ଶତ୍ରୁମାନଙ୍କୁ ଅଭିଶାପ ଦେବା ପାଇଁ ତୁମ୍ଭକୁ ଡାକିଲୁ, ମାତ୍ର ଦେଖ, ତୁମ୍ଭେ ଏହି ତିନିଥର ସେମାନଙ୍କୁ ସର୍ବୋତଭାବେ ଆଶୀର୍ବାଦ କଲ ।"
\v 11 ଏନିମନ୍ତେ ତୁମ୍ଭେ ଏବେ ଆପଣା ସ୍ଥାନକୁ ପଳାଅ; ତୁମ୍ଭକୁ ଅତି ସମ୍ଭ୍ରାନ୍ତ କରିବାକୁ ଆମ୍ଭର ବିଚାର ଥିଲା; ମାତ୍ର ଦେଖ, ସଦାପ୍ରଭୁ ତୁମ୍ଭକୁ ସମ୍ଭ୍ରମ ପାଇବାରୁ ବାରଣ କରିଅଛନ୍ତି ।
\s5
\v 12 ତହିଁରେ ବିଲୀୟମ ବାଲାକଙ୍କୁ କହିଲା, “ମୋ' ନିକଟକୁ ତୁମ୍ଭେ ଯେଉଁ ଦୂତମାନଙ୍କୁ ପଠାଇଥିଲ, ସେମାନଙ୍କୁ ମୁଁ କ'ଣ କହି ନାହିଁ ?”
\v 13 ଯଦିଓ ବାଲାକ ସୁନା ରୂପାରେ ପୂର୍ଣ୍ଣ ଆପଣା ଗୃହ ମୋତେ ଦେବ, ତେବେ ମୁଁ ଆପଣା ଇଚ୍ଛାରେ ଭଲ କି ମନ୍ଦ କରିବା ପାଇଁ ସଦାପ୍ରଭୁଙ୍କ ବାକ୍ୟର ବାହାରେ ଯାଇ ନ ପାରେ; ଯାହା ସଦାପ୍ରଭୁ କହନ୍ତି, ତାହା ହିଁ ମୁଁ କହିବି ।
\s ବିଲୀୟମଙ୍କର ଶେଷ ଭବିଷ୍ୟତବାଣୀ
\p
\v 14 ଏବେ ଦେଖ, ମୁଁ ଆପଣା ଲୋକମାନଙ୍କ ନିକଟକୁ ଯାଉଅଛି; ଆସ, ଏହି ଲୋକମାନେ ଭବିଷ୍ୟତରେ ତୁମ୍ଭ ଲୋକମାନଙ୍କ ପ୍ରତି ଯାହା କରିବେ, ତାହା ମୁଁ ତୁମ୍ଭକୁ ଜ୍ଞାତ କରାଇବି ।
\s5
\v 15 ଏଥିରେ ସେ ଆପଣା ପ୍ରସଙ୍ଗ ନେଇ କହିଲା, "ବିୟୋରର ପୁତ୍ର ବିଲୀୟମ କହୁଅଛି, ଯାହାର ଚକ୍ଷୁ ପ୍ରସନ୍ନ ହୋଇଅଛି, ସେହି ବ୍ୟକ୍ତି କହୁଅଛି;
\v 16 ଯେ ପରମେଶ୍ୱରଙ୍କ ବାକ୍ୟ ଶୁଣୁଅଛି ଓ ସର୍ବ-ପ୍ରଧାନଙ୍କର ତତ୍ତ୍ୱ ଜାଣୁଅଛି, ଯେ ସର୍ବଶକ୍ତିମାନଙ୍କର ଦର୍ଶନ ପାଉଅଛି, ସେ ତଳେ ପଡ଼ି ଓ ପ୍ରସନ୍ନ ଚକ୍ଷୁ ହୋଇ କହୁଅଛି;
\s5
\v 17 ମୁଁ ତାହାଙ୍କୁ ଦେଖୁଅଛି, ମାତ୍ର ସେ ବର୍ତ୍ତମାନ ନୁହନ୍ତି; ମୁଁ ତାହାଙ୍କର ଦର୍ଶନ ପାଉଅଛି, ମାତ୍ର ସେ ନିକଟବର୍ତ୍ତୀ ନୁହନ୍ତି; ଯାକୁବଠାରୁ ଏକ ତାରା ଉଦିତ ହେବ ଓ ଇସ୍ରାଏଲଠାରୁ ଏକ ରାଜଦଣ୍ଡ ଉତ୍ଥିତ ହେବ, ତାହା ମୋୟାବର ପାର୍ଶ୍ୱ ଭେଦ କରିବ ଓ କଳହର ସମସ୍ତ ସନ୍ତାନକୁ ଚୂର୍ଣ୍ଣ କରିବ ।
\s5
\v 18 ପୁଣି, ଇଦୋମ ଏକ ଅଧିକାର ହେବ, ଯେଉଁମାନେ ତାହାର ଶତ୍ରୁ ଥିଲେ, ଏପରି ସେୟୀର ମଧ୍ୟ ଏକ ଅଧିକାର ହେବ, ମାତ୍ର ଇସ୍ରାଏଲ ବୀରର କର୍ମ କରିବ ।
\v 19 ପୁଣି, ଯାକୁବଠାରୁ ଉତ୍ପନ୍ନ ଏକ ଜଣ କର୍ତ୍ତୃତ୍ୱ କରିବେ ଓ ଅବଶିଷ୍ଟ ଲୋକମାନଙ୍କୁ ନଗରରୁ ବିନଷ୍ଟ କରିବେ ।"
\s5
\v 20 ଏଉତ୍ତାରେ ସେ ଅମାଲେକ ପ୍ରତି ଦୃଷ୍ଟି କରି ଆପଣା ପ୍ରସଙ୍ଗ ନେଇ କହିଲା, "ଅମାଲେକ ନାନା ଦେଶୀୟମାନଙ୍କ ମଧ୍ୟରେ ଅଗ୍ରଗଣ୍ୟ ଥିଲା; ମାତ୍ର ତାହାର ଶେଷାବସ୍ଥା ବିନାଶରେ ଉପସ୍ଥିତ ହେବ ।"
\s5
\v 21 ତହୁଁ ସେ କେନୀୟମାନଙ୍କ ପ୍ରତି ଦୃଷ୍ଟି କରି ଆପଣା ପ୍ରସଙ୍ଗ ନେଇ କହିଲା, "ତୁମ୍ଭର ନିବାସ ସ୍ଥାନ ଅତି ଦୃଢ଼ ଓ ତୁମ୍ଭର ବସା ଶୈଳ ଉପରେ ସ୍ଥାପିତ ।"
\v 22 ତଥାପି କେନୀୟ କ୍ଷୟପ୍ରାପ୍ତ ହେବ, ଶେଷରେ ଅଶୂର ତୁମ୍ଭକୁ ବନ୍ଦୀ କରି ନେଇ ଯିବ ।
\s5
\v 23 ଏଉତ୍ତାରେ ସେ ଆପଣା ପ୍ରସଙ୍ଗ ନେଇ କହିଲା, “ହାୟ ହାୟ, ଯେତେବେଳେ ପରମେଶ୍ୱର ଏହା କରିବେ, ସେତେବେଳେ କିଏ ବଞ୍ଚିବ ?”
\v 24 ମାତ୍ର କୀତ୍ତୀମ-ତୀରରୁ ଜାହାଜମାନ ଆସିବ ଓ ସେମାନେ ଅଶୂରକୁ ଦୁଃଖ ଦେବେ, ଆଉ ଏବରକୁ ଦୁଃଖ ଦେବେ, ପୁଣି, ସେ ମଧ୍ୟ ବିନାଶରେ ଉପସ୍ଥିତ ହେବ ।
\v 25 ଏଉତ୍ତାରେ ବିଲୀୟମ ଉଠି ସ୍ୱସ୍ଥାନକୁ ପ୍ରସ୍ଥାନ କଲା ଓ ବାଲାକ ମଧ୍ୟ ଆପଣା ପଥରେ ଚାଲିଗଲେ ।
\s5
\c 25
\s ବାଲପିୟୋର ପ୍ରତି ଆସକ୍ତି
\p
\v 1 ଏଥିଉତ୍ତାରେ ଇସ୍ରାଏଲ ଶିଟୀମରେ ବାସ କଲେ, ପୁଣି, ଲୋକମାନେ ମୋୟାବର କନ୍ୟାଗଣ ସହିତ ବ୍ୟଭିଚାର କରିବାକୁ ଲାଗିଲେ ।
\v 2 ପୁଣି, ସେହି କନ୍ୟାମାନେ ଲୋକମାନଙ୍କୁ ଆପଣାମାନଙ୍କ ଦେବଗଣର ବଳିଦାନ ଉପଲକ୍ଷରେ ନିମନ୍ତ୍ରଣ କଲେ; ପୁଣି, ଲୋକମାନେ ଭୋଜନ କଲେ ଓ ସେମାନଙ୍କ ଦେବଗଣକୁ ପ୍ରଣାମ କଲେ ।
\v 3 ଆଉ ଇସ୍ରାଏଲ ଆପେ ବାଲପିୟୋର ପ୍ରତି ଆସକ୍ତ ହେଲେ; ଏଣୁ ସଦାପ୍ରଭୁଙ୍କର କ୍ରୋଧ ଇସ୍ରାଏଲର ପ୍ରତିକୂଳରେ ପ୍ରଜ୍ୱଳିତ ହେଲା ।
\s5
\v 4 ଏଥିରେ ସଦାପ୍ରଭୁ ମୋଶାଙ୍କୁ କହିଲେ, "ଲୋକମାନଙ୍କର ସମସ୍ତ ପ୍ରଧାନବର୍ଗଙ୍କୁ ନେଇ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସୂର୍ଯ୍ୟ ସମ୍ମୁଖରେ ସେମାନଙ୍କୁ ଟଙ୍ଗାଅ, ତହିଁରେ ଇସ୍ରାଏଲଠାରୁ ସଦାପ୍ରଭୁଙ୍କର ପ୍ରଚଣ୍ଡ କ୍ରୋଧ ଫେରିବ ।"
\v 5 ତହୁଁ ମୋଶା ଇସ୍ରାଏଲର ବିଚାରକର୍ତ୍ତୃଗଣକୁ କହିଲେ, "ତୁମ୍ଭେମାନେ ପ୍ରତ୍ୟେକେ ବାଲପିୟୋର ପ୍ରତି ଆସକ୍ତ ଆପଣା ଆପଣା ଲୋକମାନଙ୍କୁ ବଧ କର ।"
\s5
\v 6 ଏଥିରେ ଦେଖ, ଇସ୍ରାଏଲ-ସନ୍ତାନଗଣଙ୍କ ମଧ୍ୟରୁ ଜଣେ ମୋଶାଙ୍କର ସାକ୍ଷାତରେ ଓ ଇସ୍ରାଏଲ-ସନ୍ତାନଗଣଙ୍କର ସମସ୍ତ ମଣ୍ଡଳୀ ସାକ୍ଷାତରେ ଆପଣା ଜ୍ଞାତିମାନଙ୍କ ନିକଟକୁ ଏକ ମିଦୀୟନୀୟା ସ୍ତ୍ରୀକୁ ଆଣିଲା, ସେତେବେଳେ ଲୋକମାନେ ସମାଗମ-ତମ୍ବୁ ନିକଟରେ ରୋଦନ କରୁଥିଲେ ।
\v 7 ତେବେ ହାରୋଣ ଯାଜକର ପୌତ୍ର, ଇଲୀୟାସରର ପୁତ୍ର ପୀନହସ ତାହା ଦେଖି ମଣ୍ଡଳୀ ମଧ୍ୟରୁ ଉଠି ହାତରେ ଏକ ବର୍ଚ୍ଛା ନେଲା;
\s5
\v 8 ପୁଣି, ସେ ଇସ୍ରାଏଲୀୟ ସେହି ପୁରୁଷର ପଛେ ପଛେ ତମ୍ବୁ ଭିତରେ ପ୍ରବେଶ କରି ସେହି ଦୁଇ ଜଣକୁ, ଅର୍ଥାତ୍‍, ସେହି ଇସ୍ରାଏଲୀୟ ପୁରୁଷକୁ ଓ ସେହି ସ୍ତ୍ରୀର ପେଟକୁ ବିନ୍ଧି ପକାଇଲା । ତହିଁରେ ଇସ୍ରାଏଲ-ସନ୍ତାନଗଣଙ୍କଠାରୁ ମାରୀ ନିବୃତ୍ତ ହେଲା ।
\v 9 ତଥାପି ଚବିଶ ହଜାର ଲୋକ ଏହି ମାରୀରେ ମଲେ ।
\s ପୀନହସ୍‍ଙ୍କ ଅନ୍ତର୍ଜ୍ୱଳା
\p
\s5
\v 10 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
\v 11 "ହାରୋଣ ଯାଜକର ପୌତ୍ର, ଇଲୀୟାସରର ପୁତ୍ର ପୀନହସ ଲୋକମାନଙ୍କ ପ୍ରତି ଆମ୍ଭ ଅନ୍ତର୍ଜ୍ୱାଳାରେ ଅନ୍ତର୍ଜ୍ୱାଳା ପ୍ରକାଶ କରି ଇସ୍ରାଏଲ-ସନ୍ତାନଗଣଙ୍କଠାରୁ ଆମ୍ଭର କ୍ରୋଧ ଫେରାଇଅଛି, ତହିଁରେ ଆମ୍ଭେ ଆପଣା ଅନ୍ତର୍ଜ୍ୱାଳାରେ ଇସ୍ରାଏଲ-ସନ୍ତାନଗଣଙ୍କୁ ନିଃଶେଷ ରୂପେ ସଂହାର କଲୁ ନାହିଁ ।"
\s5
\v 12 ଏହେତୁ ତୁମ୍ଭେ କୁହ, ଦେଖ, ଆମ୍ଭେ ତାହାକୁ ଆପଣା ଶାନ୍ତିକର ନିୟମ ଦେଲୁ;
\v 13 ତହିଁରେ ତାହା ପ୍ରତି ଓ ତାହା ଉତ୍ତାରେ ତାହାର ସନ୍ତାନଗଣଙ୍କ ପ୍ରତି ଅନନ୍ତକାଳୀନ ଯାଜକତ୍ୱର ନିୟମ ହେବ; କାରଣ ସେ ଆପଣା ପରମେଶ୍ୱରଙ୍କ ପକ୍ଷରେ ଅନ୍ତର୍ଜ୍ୱାଳା ପ୍ରକାଶ କଲା ଓ ଇସ୍ରାଏଲ-ସନ୍ତାନଗଣଙ୍କ ନିମନ୍ତେ ପ୍ରାୟଶ୍ଚିତ୍ତ କଲା ।
\s5
\v 14 ଇସ୍ରାଏଲୀୟ ଯେଉଁ ହତ ପୁରୁଷ, ଯେ ସେହି ମିଦୀୟନୀୟା ସ୍ତ୍ରୀ ସହିତ ହତ ହୋଇଥିଲା, ତାହାର ନାମ ସିମ୍ରି, ସେ ଶିମୀୟୋନୀୟ ପିତୃଗୃହର ଅଧିପତି ସାଲୂର ପୁତ୍ର ।
\v 15 ପୁଣି, ସେହି ହତ ମିଦୀୟନୀୟା ସ୍ତ୍ରୀର ନାମ କସ୍‍ବୀ, ସେ ସୂରର କନ୍ୟା; ସେହି ସୂର ମିଦୀୟନୀୟ ଏକ ପିତୃଗୃହର ଲୋକମାନଙ୍କ ମଧ୍ୟରେ ପ୍ରଧାନ ଥିଲା ।
\s5
\v 16 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
\v 17 “ମିଦୀୟନୀୟ ଲୋକମାନଙ୍କୁ କ୍ଳେଶ ଦିଅ ଓ ସେମାନଙ୍କୁ ବଧ କର;
\v 18 କାରଣ ପିୟୋର (ଦେବତା) ବିଷୟକ ଛଳରେ ଓ ସେହି ପିୟୋର ଲାଗି ମାରୀ ଦିନରେ ହତ ହେଲା ଯେ ସେମାନଙ୍କ ଆତ୍ମୀୟା କସ୍ୱୀ ନାମ୍ନୀ ମିଦୀୟନୀୟ ରାଜକୁମାରୀ, ତାହାରି ବିଷୟକ ଛଳରେ ସେମାନେ ତୁମ୍ଭମାନଙ୍କୁ ଛଳ କରି କ୍ଳେଶ ଦେଲେ ।”
\s5
\c 26
\s ନୂତନ ପିଢ଼ିର ଜନଗଣନା
\p
\v 1 ସେହି ମାରୀ ଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ ଓ ହାରୋଣଙ୍କ ପୁତ୍ର ଇଲୀୟାସର ଯାଜକକୁ, କହିଲେ,
\v 2 "ତୁମ୍ଭେମାନେ ଇସ୍ରାଏଲ-ସନ୍ତାନଗଣ ସମସ୍ତ ମଣ୍ଡଳୀ ମଧ୍ୟରୁ ଆପଣା ଆପଣା ପିତୃଗୃହାନୁସାରେ କୋଡ଼ିଏ ବର୍ଷ ବୟସ୍କ ଓ ତହିଁରୁ ଅଧିକ ବୟସ୍କ ଲୋକମାନଙ୍କର, ଅର୍ଥାତ୍‍, ଇସ୍ରାଏଲ ସୈନ୍ୟଶ୍ରେଣୀଭୁକ୍ତ ସମସ୍ତ ଲୋକଙ୍କର ଗଣନା କର ।"
\s5
\v 3 ତହିଁରେ ମୋଶା ଓ ଇଲୀୟାସର ଯାଜକ ଯିରୀହୋର ନିକଟସ୍ଥିତ ଯର୍ଦ୍ଦନ ସମୀପରେ ମୋୟାବ-ପଦାରେ ଲୋକମାନଙ୍କ ସଙ୍ଗେ କଥା କହିଲେ,
\v 4 "ମୋଶା ପ୍ରତି ଓ ମିସର ଦେଶରୁ ବହିର୍ଗତ ଇସ୍ରାଏଲ ସନ୍ତାନଗଣ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ, କୋଡ଼ିଏ ବର୍ଷ ବୟସ୍କ ଅବଧି ସମସ୍ତ ଲୋକର ଗଣନା କର ।"
\s5
\v 5 ରୁବେନ୍‍, ଇସ୍ରାଏଲର ଜ୍ୟେଷ୍ଠ ପୁତ୍ର; ରୁବେନର ସନ୍ତାନ ହନୋକଠାରୁ ହନୋକୀୟ ବଂଶ; ପଲ୍ଲୂଠାରୁ ପଲ୍ଲୂୟୀୟ ବଂଶ;
\v 6 ହିଷ୍ରୋଣଠାରୁ ହିଷ୍ରୋଣୀୟ ବଂଶ; କର୍ମ୍ମିଠାରୁ କର୍ମ୍ମୀୟ ବଂଶ ।
\v 7 ଏମାନେ ରୁବେନର ବଂଶ; ପୁଣି, ଏମାନେ ଗଣାଯା'ନ୍ତେ, ତେୟାଳିଶ ହଜାର ସାତ ଶହ ତିରିଶ ଲୋକ ହେଲେ ।
\s5
\v 8 ପଲ୍ଲୂର ସନ୍ତାନ ଇଲୀୟାବ ।
\v 9 ସେହି ଇଲୀୟାବର ସନ୍ତାନ ନମୂୟେଲ, ଦାଥନ୍‍ ଓ ଅବୀରାମ୍‍; କୋରହର ଦଳୀୟ ଲୋକମାନେ ଯେତେବେଳେ ସଦାପ୍ରଭୁଙ୍କ ପ୍ରତିକୂଳରେ ବିବାଦ କଲେ, ସେତେବେଳେ ସେମାନଙ୍କ ମଧ୍ୟରୁ ମଣ୍ଡଳୀର ଆହୂତ ଲୋକ ଯେ ଦାଥନ୍‍ ଓ ଅବୀରାମ୍‍ ମୋଶାଙ୍କ ବିରୁଦ୍ଧରେ ଓ ହାରୋଣଙ୍କ ବିରୁଦ୍ଧରେ ବିବାଦ କରିଥିଲେ, ସେମାନେ ଏହି ଦୁଇ ଜଣ ।
\s5
\v 10 ସେହି ସମୟରେ ପୃଥିବୀ ଆପଣା ମୁଖ ମେଲାଇ ସେମାନଙ୍କୁ ଓ କୋରହକୁ ଗ୍ରାସ କଲା, ତହିଁରେ ସେହି ଦଳ ନଷ୍ଟ ହେଲେ, ପୁଣି, ଅଗ୍ନି ଦୁଇ ଶହ ପଚାଶ ଜଣକୁ ଦଗ୍ଧ କଲା, ସେମାନେ ଚିହ୍ନ ସ୍ୱରୂପ ହେଲେ ।
\v 11 ତଥାପି କୋରହର ସନ୍ତାନମାନେ ମଲେ ନାହିଁ ।
\s5
\v 12 ଆପଣା ଆପଣା ବଂଶାନୁସାରେ ଶିମୀୟୋନର ସନ୍ତାନ; ନମୂୟେଲଠାରୁ ନମୂୟେଲୀୟ ବଂଶ; ଯାମୀନଠାରୁ ଯାମୀନୀୟ ବଂଶ; ଯାଖୀନଠାରୁ ଯାଖୀନୀୟ ବଂଶ;
\v 13 ସେରହଠାରୁ ସେରହୀୟ ବଂଶ; ଶୌଲଠାରୁ ଶୌଲୀୟ ବଂଶ ।
\v 14 ଶିମୀୟୋନୀୟ ଏହି ସକଳ ବଂଶ ବାଇଶ ହଜାର ଦୁଇ ଶହ ଲୋକ ଥିଲେ ।
\s5
\v 15 ଆପଣା ଆପଣା ବଂଶାନୁସାରେ ଗାଦର ସନ୍ତାନ; ସିଫୋନଠାରୁ ସିଫୋନୀୟ ବଂଶ; ହଗିଠାରୁ ହଗୀୟ ବଂଶ; ଶୂନିଠାରୁ ଶୂନୀୟ ବଂଶ;
\v 16 ଓଷ୍ଣିଠାରୁ ଓଷ୍ଣୀୟ ବଂଶ, ଏରିଠାରୁ ଏରୀୟ ବଂଶ;
\v 17 ଅରୋଦିଠାରୁ ଅରୋଦୀୟ ବଂଶ, ଅରେଲିଠାରୁ ଅରେଲୀୟ ବଂଶ ।
\v 18 ଗାଦ ସନ୍ତାନମାନଙ୍କର ଏହି ସକଳ ବଂଶ ଗଣାଯା'ନ୍ତେ, ଚାଳିଶ ହଜାର ପାଞ୍ଚ ଶହ ଲୋକ ହେଲେ ।
\s5
\v 19 ଯିହୂଦାର ପୁତ୍ର ଏର ଓ ଓନନ୍‍; ସେହି ଏର ଓ ଓନନ୍‍ କିଣାନ ଦେଶରେ ମରିଥିଲେ ।
\v 20 ଆପଣା ଆପଣା ବଂଶାନୁସାରେ ଯିହୂଦାର ସନ୍ତାନ; ଶେଲାଠାରୁ ଶେଲାୟୀୟ ବଂଶ; ପେରସଠାରୁ ପେରସୀୟ ବଂଶ; ସେରହଠାରୁ ସେରହୀୟ ବଂଶ ।
\v 21 ପୁଣି, ପେରସର ଏହି ସକଳ ସନ୍ତାନ ହିଷ୍ରୋଣଠାରୁ ହିଷ୍ରୋଣୀୟ ବଂଶ; ହାମୂଲଠାରୁ ହାମୂଲୀୟ ବଂଶ ।
\v 22 ଯିହୂଦାର ଏହିସବୁ ବଂଶ ଗଣାଯା'ନ୍ତେ, ଛସ୍ତରି ହଜାର ପାଞ୍ଚ ଶହ ଲୋକ ହେଲେ ।
\s5
\v 23 ଆପଣା ଆପଣା ବଂଶାନୁସାରେ ଇଷାଖରର ସନ୍ତାନ; ତୋଲୟଠାରୁ ତୋଲୟୀୟ ବଂଶ; ପୂୟଠାରୁ ପୂୟୀୟ ବଂଶ;
\v 24 ଯାଶୂବଠାରୁ ଯାଶୂବୀୟ ବଂଶ; ଶିମ୍ରୋଣଠାରୁ ଶିମ୍ରୋଣୀୟ ବଂଶ ।
\v 25 ଇଷାଖରର ଏହି ସକଳ ବଂଶ ଗଣାଯା'ନ୍ତେ, ଚଉଷଠି ହଜାର ତିନି ଶହ ଲୋକ ହେଲେ ।
\s5
\v 26 ଆପଣା ଆପଣା ବଂଶାନୁସାରେ ସବୂଲୂନର ସନ୍ତାନ; ସେରଦଠାରୁ ସେରଦୀୟ ବଂଶ; ଏଲୋନଠାରୁ ଏଲୋନୀୟ ବଂଶ; ଯହଲେଲଠାରୁ ଯହଲେଲୀୟ ବଂଶ ।
\v 27 ସବୂଲୂନର ଏହି ସକଳ ବଂଶ ଗଣାଯା'ନ୍ତେ, ଷାଠିଏ ହଜାର ପାଞ୍ଚ ଶହ ଲୋକ ହେଲେ ।
\s5
\v 28 ଆପଣା ଆପଣା ବଂଶାନୁସାରେ ଯୋଷେଫଙ୍କ ପୁତ୍ର ମନଃଶି ଓ ଇଫ୍ରୟିମ ।
\v 29 ମନଃଶିର ସନ୍ତାନ; ମାଖୀରଠାରୁ ମାଖରୀୟ ବଂଶ; ସେହି ମାଖୀରର ପୁତ୍ର ଗିଲୀୟଦ; ସେହି ଗିଲୀୟଦଠାରୁ ଗିଲୀୟଦୀୟ ବଂଶ ।
\s5
\v 30 ଗିଲୀୟଦର ସନ୍ତାନ ଏମାନେ; ଈୟେଷରଠାରୁ ଈୟେଷ୍ରୀୟ ବଂଶ; ହେଲକଠାରୁ ହେଲକୀୟ ବଂଶ,
\v 31 ଅସ୍ରୀୟେଲଠାରୁ ଅସ୍ରୀୟେଲୀୟ ବଂଶ ଓ ଶେଖମଠାରୁ ଶେଖମୀୟ ବଂଶ,
\v 32 ଶମୀଦାଠାରୁ ଶମୀଦାୟୀୟ ବଂଶ ଓ ହେଫରଠାରୁ ହେଫରୀୟ ବଂଶ ।
\s5
\v 33 ସେହି ହେଫରର ପୁତ୍ର ଯେ ସଲଫାଦ, ତାହାର ପୁତ୍ର ନ ଥିଲା, କେବଳ କନ୍ୟା ଥିଲା; ସେହି ସଲଫାଦର କନ୍ୟାମାନଙ୍କ ନାମ ମହଲା, ନୋୟା, ହଗ୍‍ଲା, ମିଲ୍‍କା ଓ ତିର୍ସା ।
\v 34 ଏମାନେ ମନଃଶିର ବଂଶ, ଏମାନଙ୍କର ଗଣିତ ଲୋକ ବାବନ ହଜାର ସାତ ଶହ ଜଣ ।
\s5
\v 35 ଆପଣା ଆପଣା ବଂଶାନୁସାରେ ଇଫ୍ରୟିମର ସନ୍ତାନ; ଶୂଥଲହଠାରୁ ଶୂଥଲହୀୟ ବଂଶ; ବେଖରଠାରୁ ବେଖ୍ରୀୟ ବଂଶ; ତହନଠାରୁ ତହନୀୟ ବଂଶ ।
\v 36 ପୁଣି, ଶୂଥଲହର ସନ୍ତାନ ଏମାନେ; ଏରଣଠାରୁ ଏରଣୀୟ ବଂଶ ।
\v 37 ଇଫ୍ରୟିମର ସନ୍ତାନମାନଙ୍କ ଏହି ସକଳ ବଂଶ ଗଣାଯା'ନ୍ତେ, ବତିଶ ହଜାର ପାଞ୍ଚ ଶହ ଲୋକ ହେଲେ; ଆପଣା ଆପଣା ବଂଶାନୁସାରେ ଏମାନେ ଯୋଷଫର ସନ୍ତାନ ।
\s5
\v 38 ଆପଣା ଆପଣା ବଂଶାନୁସାରେ ବିନ୍ୟାମୀନର ସନ୍ତାନ; ବେଲାଠାରୁ ବେଲାୟୀୟ ବଂଶ: ଅସ୍‍ବେଲଠାରୁ ଅସ୍‍ବେଲୀୟ ବଂଶ; ଅହୀରାମଠାରୁ ଅହୀରାମୀୟ ବଂଶ;
\v 39 ଶୂଫମଠାରୁ ଶୂଫମୀୟ ବଂଶ; ହୂଫମଠାରୁ ହୂଫମୀୟ ବଂଶ ।
\v 40 ପୁଣି, ବେଲାର ସନ୍ତାନ ଅର୍ଦ ଓ ନାମାନ; ଅର୍ଦଠାରୁ ଅର୍ଦୀୟ ବଂଶ; ନାମାନଠାରୁ ନାମାନୀୟ ବଂଶ ।
\v 41 ଆପଣା ଆପଣା ବଂଶାନୁସାରେ ଏମାନେ ବିନ୍ୟାମୀନର ସନ୍ତାନ । ଏମାନଙ୍କର ଗଣିତ ଲୋକ ପଞ୍ଚଚାଳିଶ ହଜାର ଛଅ ଶହ ଜଣ ।
\s5
\v 42 ଆପଣା ଆପଣା ବଂଶାନୁସାରେ ଏମାନେ ଦାନର ସନ୍ତାନ; ଶୂହମଠାରୁ ଶୂହମୀୟ ବଂଶ । ଏମାନେ ଆପଣା ଆପଣା ବଂଶାନୁସାରେ ଦାନର ବଂଶ ।
\v 43 ଶୂହମୀୟ ସମସ୍ତ ବଂଶ ଗଣାଯା'ନ୍ତେ, ଚଉଷଠି ହଜାର ଚାରି ଶହ ଲୋକ ହେଲେ ।
\s5
\v 44 ଆପଣା ଆପଣା ବଂଶାନୁସାରେ ଆଶେରର ସନ୍ତାନ; ଯିମ୍ନଠାରୁ ଯିମ୍ନୀୟ ବଂଶ; ଯିସ୍‍ବିଠାରୁ ଯିସ୍‍ବୀୟ ବଂଶ; ବରୀୟଠାରୁ ବରୀୟୀୟ ବଂଶ ।
\v 45 ବରୀୟର ସନ୍ତାନ ଏମାନେ; ହେବରଠାରୁ ହେବରୀୟ ବଂଶ; ମଲକୀୟେଲଠାରୁ ମଲକୀୟେଲୀୟ ବଂଶ ।
\v 46 ଆଶେରର କନ୍ୟାର ନାମ ସାରହ ।
\v 47 ଆଶେରର ସନ୍ତାନମାନଙ୍କ ଏହି ସକଳ ବଂଶ ଗଣାଯା'ନ୍ତେ; ତେପନ ହଜାର ଚାରି ଶହ ଲୋକ ହେଲେ ।
\s5
\v 48 ଆପଣା ଆପଣା ବଂଶାନୁସାରେ ନପ୍ତାଲିର ସନ୍ତାନ; ଯହସୀୟେଲଠାରୁ ଯହସୀୟେଲୀୟ ବଂଶ; ଗୂନିଠାରୁ ଗୂନୀୟ ବଂଶ;
\v 49 ଯେତ୍ସରଠାରୁ ଯେତ୍ସରୀୟ ବଂଶ; ଶିଲ୍ଲେମଠାରୁ ଶିଲ୍ଲେମୀୟ ବଂଶ ।
\v 50 ଆପଣା ଆପଣା ବଂଶାନୁସାରେ ଏହି ସକଳ ନପ୍ତାଲିର ବଂଶ । ଏମାନଙ୍କର ଗଣିତ ଲୋକ ପଞ୍ଚଚାଳିଶ ହଜାର ଚାରି ଶହ ଜଣ ।
\s5
\v 51 ଇସ୍ରାଏଲ-ସନ୍ତାନଗଣଙ୍କ ମଧ୍ୟରେ ଗଣିତ ଲୋକମାନଙ୍କର ସଂଖ୍ୟା ଛଅ ଲକ୍ଷ ଏକ ହଜାର ସାତ ଶହ ତିରିଶ ଥିଲା ।
\s5
\v 52 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
\v 53 "ନାମସଂଖ୍ୟାନୁସାରେ ଅଧିକାର ନିମନ୍ତେ ଏମାନଙ୍କ ମଧ୍ୟରେ ଦେଶ ବିଭକ୍ତ ହେବ ।
\s5
\v 54 ଯାହାର ଲୋକ ବହୁତ, ତୁମ୍ଭେ ତାହାକୁ ବହୁତ ଅଧିକାର ଦେବ, ପୁଣି, ଯାହାର ଲୋକ ଅଳ୍ପ, ତୁମ୍ଭେ ତାହାକୁ ଅଳ୍ପ ଅଧିକାର ଦେବ, ଯାହାର ଯେତେ ଗଣିତ ଲୋକ, ତାହାକୁ ସେତେ ଅଧିକାର ଦିଆଯିବ ।
\v 55 ତଥାପି ଗୁଲିବାଣ୍ଟ ଦ୍ୱାରା ଦେଶ ବିଭକ୍ତ ହେବ; ସେମାନେ ଆପଣା ଆପଣା ପିତୃବଂଶ ନାମାନୁସାରେ ଅଧିକାର ପାଇବେ ।
\v 56 ବହୁତ ଓ ଅଳ୍ପ ଲୋକଙ୍କ ମଧ୍ୟରେ ଗୁଲିବାଣ୍ଟ ଅନୁସାରେ ସେମାନଙ୍କର ଅଧିକାର ବିଭକ୍ତ ହେବ ।"
\s5
\v 57 ଆପଣା ଆପଣା ବଂଶାନୁସାରେ ଏମାନେ ଲେବୀୟମାନଙ୍କ ମଧ୍ୟରୁ ଗଣିତ ହେଲେ; ଗେର୍ଶୋନଠାରୁ ଗେର୍ଶୋନୀୟ ବଂଶ; କହାତ୍‍ଠାରୁ କହାତୀୟ ବଂଶ; ମରାରିଠାରୁ ମରାରୀୟ ବଂଶ ।
\v 58 ଲେବୀୟ ବଂଶ ଏହି; ଲିବ୍‍ନୀୟ ବଂଶ, ହିବ୍ରୋଣୀୟ ବଂଶ, ମହଲୀୟ ବଂଶ, ମୂଶୀୟ ବଂଶ, କୋରହୀ ବଂଶ ।
\v 59 ସେହି କହାତର ପୁତ୍ର ଅମ୍ରମ୍‍; ସେହି ଅମ୍ରମର ଯୋକେବଦ ନାମ୍ନୀ ଭାର୍ଯ୍ୟା ମିସର ଦେଶରେ ଲେବୀର ଔରସଜାତା କନ୍ୟା ଥିଲା । ସେ ଅମ୍ରମର ଔରସରେ ହାରୋଣ, ମୋଶା ଓ ସେମାନଙ୍କ ଭଗିନୀ ମରୀୟମଙ୍କୁ ପ୍ରସବ କଲା ।
\s5
\v 60 ହାରୋଣଠାରୁ ନାଦବ ଓ ଅବୀହୂ, ପୁଣି, ଇଲୀୟାସର ଓ ଈଥାମର ଜନ୍ମିଲେ ।
\v 61 ମାତ୍ର ନାଦବ୍‍ ଓ ଅବୀହୂ ସଦାପ୍ରଭୁଙ୍କ ସମ୍ମୁଖରେ ଇତର ଅଗ୍ନି ଉତ୍ସର୍ଗ କରନ୍ତେ ମଲେ ।
\v 62 ଏମାନଙ୍କ ମଧ୍ୟରେ ଏକ ମାସରୁ ଅଧିକ ବୟସ୍କ ଲୋକ ଗଣାଯା'ନ୍ତେ, ତେଇଶ ହଜାର ଜଣ ହେଲେ; କାରଣ ଇସ୍ରାଏଲ-ସନ୍ତାନଗଣ ମଧ୍ୟରେ ସେମାନଙ୍କୁ କୌଣସି ଅଧିକାର ଦତ୍ତ ନୋହିବାରୁ ସେମାନେ ଇସ୍ରାଏଲ-ସନ୍ତାନଗଣ ମଧ୍ୟରେ ଗଣିତ ହେଲେ ନାହିଁ ।
\s5
\v 63 ଯିରୀହୋ ନିକଟସ୍ଥ ଯର୍ଦ୍ଦନ ସମୀପରେ ମୋୟାବ-ପଦାରେ ଇସ୍ରାଏଲ-ସନ୍ତାନଗଣଙ୍କର ଗଣନାକାରୀ ମୋଶା ଓ ଇଲୀୟାସର ଯାଜକ ଦ୍ୱାରା ଏସମସ୍ତେ ଗଣାଗଲେ ।
\v 64 ମାତ୍ର ସୀନୟ-ପ୍ରାନ୍ତରରେ ଇସ୍ରାଏଲ-ସନ୍ତାନଗଣଙ୍କର ଗଣନାକାରୀ ମୋଶା ଓ ହାରୋଣ ଯାଜକ ଦ୍ୱାରା ଯେଉଁମାନେ ଗଣିତ ହୋଇଥିଲେ, ସେମାନଙ୍କ ମଧ୍ୟରୁ ଜଣେ ଏମାନଙ୍କ ମଧ୍ୟରେ ନ ଥିଲା ।
\s5
\v 65 କାରଣ ସଦାପ୍ରଭୁ ସେମାନଙ୍କ ବିଷୟରେ କହିଥିଲେ ଯେ, "ସେମାନେ ଅବଶ୍ୟ ଏହି ପ୍ରାନ୍ତରରେ ମରିବେ; ଏହେତୁ ସେମାନଙ୍କ ମଧ୍ୟରୁ ଯିଫୁନ୍ନିର ପୁତ୍ର କାଲେବ ଓ ନୂନର ପୁତ୍ର ଯିହୋଶୂୟ ବ୍ୟତୀତ ଏକ ଜଣ ହିଁ ଅବଶିଷ୍ଟ ରହିଲା ନାହିଁ ।"
\s5
\c 27
\s ସଲଫାଦର କନ୍ୟାଗଣ
\p
\v 1 ଏଥିଉତ୍ତାରେ ଯୋଷେଫଙ୍କ ପୁତ୍ର ମନଃଶି ବଂଶୀୟମାନଙ୍କ ମଧ୍ୟରୁ ମନଃଶିର ବୃଦ୍ଧ ପ୍ରପୌତ୍ର, ମାଖୀରର ପ୍ରପୌତ୍ର, ଗିଲୀୟଦର ପୌତ୍ର, ହେଫରର ପୁତ୍ର ଯେ ସଲଫାଦ; ତାହାର କନ୍ୟାଗଣ ନିକଟକୁ ଆସିଲେ; ତାହାର କନ୍ୟାମାନଙ୍କ ନାମ ଏହି, ମହଲା, ନୋୟା, ହଗ୍‍ଲା, ମିଲ୍‍କା ଓ ତିର୍ସା ।
\s5
\v 2 ଏମାନେ ମୋଶାଙ୍କ ସମ୍ମୁଖରେ ଓ ଇଲୀୟାସର ଯାଜକ ସମ୍ମୁଖରେ, ପୁଣି, ଅଧିପତିଗଣ ଓ ସମସ୍ତ ମଣ୍ଡଳୀର ସମ୍ମୁଖରେ ସମାଗମ-ତମ୍ବୁ ଦ୍ୱାରରେ ଠିଆ ହୋଇ କହିଲେ,
\v 3 "ଆମ୍ଭମାନଙ୍କ ପିତା ପ୍ରାନ୍ତରରେ ମଲେ, ପୁଣି, ଯେଉଁ କୋରହର ଦଳ ସଦାପ୍ରଭୁଙ୍କ ପ୍ରତିକୂଳରେ ଆପଣାମାନଙ୍କୁ ଏକତ୍ର କରିଥିଲେ, ସେହି ଦଳ ମଧ୍ୟରେ ସେ ନ ଥିଲେ; ମାତ୍ର ସେ ଆପଣା ପାପରେ ମଲେ; ଆଉ ତାଙ୍କର ପୁତ୍ର ନ ଥିଲା ।
\s5
\v 4 ଆମ୍ଭମାନଙ୍କ ପିତାଙ୍କର ପୁତ୍ର ନ ଥିବା ସକାଶୁ କାହିଁକି ତାଙ୍କର ନାମ ତାଙ୍କ ବଂଶରୁ ଲୋପ ପାଇବ ? ଆମ୍ଭମାନଙ୍କ ପିତୃବଂଶୀୟ ଭାଇମାନଙ୍କ ମଧ୍ୟରେ ଆମ୍ଭମାନଙ୍କୁ ଅଧିକାର ଦିଅ ।"
\v 5 ଏଥିରେ ମୋଶା ସଦାପ୍ରଭୁଙ୍କ ସମ୍ମୁଖରେ ସେମାନଙ୍କର ବିଚାର ଉପସ୍ଥିତ କରାଇଲେ ।
\s5
\v 6 ତହୁଁ ସଦାପ୍ରଭୁ ମୋଶାଙ୍କୁ କହିଲେ,
\v 7 "ସଲଫାଦର କନ୍ୟାଗଣ ଯଥାର୍ଥ କହୁଅଛନ୍ତି; ତୁମ୍ଭେ ସେମାନଙ୍କ ପିତୃବଂଶୀୟ ଭ୍ରାତୃଗଣ ମଧ୍ୟରେ ଅବଶ୍ୟ ସେମାନଙ୍କୁ ପୈତୃକ-ଅଧିକାର ଦେବ; ପୁଣି, ତୁମ୍ଭେ ସେମାନଙ୍କୁ ସେମାନଙ୍କ ପୈତୃକ-ଅଧିକାର ସମର୍ପଣ କରିବ ।
\v 8 ଆଉ ତୁମ୍ଭେ ଇସ୍ରାଏଲ-ସନ୍ତାନଗଣଙ୍କୁ କୁହ, କୌଣସି ମନୁଷ୍ୟ ମଲେ ଯଦି ତାହାର ପୁତ୍ର ନ ଥାଏ, ତେବେ ତୁମ୍ଭେମାନେ ତାହାର ଅଧିକାର ତାହାର କନ୍ୟାକୁ ସମର୍ପଣ କରିବ ।
\s5
\v 9 ଯଦି ତାହାର କନ୍ୟା ନ ଥାଏ, ଯଦି ତାହାର ଅଧିକାର ତାହାର ଭାଇମାନଙ୍କୁ ଦେବ ।
\v 10 ପୁଣି, ଯଦି ତାହାର ଭାଇ ନ ଥାଏ, ଯଦି ତାହାର ପିତୃବ୍ୟମାନଙ୍କୁ ତାହାର ଅଧିକାର ଦେବ ।
\v 11 ଆଉ ଯଦି ତାହାର ପିତୃବ୍ୟ ନ ଥାଏ, ତେବେ ତାହାର ବଂଶ ମଧ୍ୟରୁ ନିକଟସ୍ଥ ଜ୍ଞାତିକୁ ତାହା ଅଧିକାର ଦେବ ଓ ସେ ତାହା ଅଧିକାର କରିବ; ମୋଶା ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଏହା ଇସ୍ରାଏଲ-ସନ୍ତାନଗଣଙ୍କର ବିଚାର-ବିଧି ହେବ ।"
\s ମୋଶାଙ୍କର ଉତ୍ତରାଧିକାରୀ ଯିହୋଶୂୟ
\p
\s5
\v 12 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, "ତୁମ୍ଭେ ଏହି ଅବାରୀମ୍ ପର୍ବତ ଆରୋହଣ କର, ପୁଣି, ଆମ୍ଭେ ଇସ୍ରାଏଲ ସନ୍ତାନଗଣଙ୍କୁ ଯେଉଁ ଦେଶ ଦେଇଅଛୁ, ତାହା ନିରୀକ୍ଷଣ କର ।
\v 13 ତାହା ନିରୀକ୍ଷଣ କଲା ଉତ୍ତାରେ ତୁମ୍ଭ ଭ୍ରାତା ହାରୋଣ ତୁଲ୍ୟ ତୁମ୍ଭେ ମଧ୍ୟ ଆପଣା ପିତୃଗଣ ନିକଟରେ ସଂଗୃହୀତ ହେବ ।
\v 14 ଯେହେତୁ ତୁମ୍ଭେମାନେ ସୀନ୍‍ ପ୍ରାନ୍ତରରେ ମଣ୍ଡଳୀର ବିବାଦରେ ଲୋକମାନଙ୍କ ଦୃଷ୍ଟିଗୋଚରରେ ଜଳ ନିକଟରେ ଆମ୍ଭକୁ ପବିତ୍ର ରୂପେ ମାନ୍ୟ କରିବା ବିଷୟକ ଆମ୍ଭ ଆଜ୍ଞାର ବିରୁଦ୍ଧାଚରଣ କଲ ।" (ସେହି ଜଳ ସୀନ୍‍ ପ୍ରାନ୍ତରର କାଦେଶସ୍ଥ ମିରୀବାଃ ଜଳ ।)
\s5
\v 15 ତହିଁରେ ମୋଶା ସଦାପ୍ରଭୁଙ୍କୁ କହିଲେ,
\v 16 "ସଦାପ୍ରଭୁ ସର୍ବଶରୀରସ୍ଥ ଆତ୍ମାଗଣର ପରମେଶ୍ୱର ମଣ୍ଡଳୀ ଉପରେ ଏକ ଜଣ ନିଯୁକ୍ତ କରନ୍ତୁ,
\v 17 ଯେ ସେମାନଙ୍କ ଅଗ୍ରଗାମୀ ହୋଇ ବାହାରକୁ ଯାଇ ପାରିବ ଓ ସେମାନଙ୍କ ଅଗ୍ରଗାମୀ ହୋଇ ଭିତରକୁ ଆସି ପାରିବ, ପୁଣି, ଯେ ସେମାନଙ୍କର ପଥ ପ୍ରଦର୍ଶକ ହୋଇ ସେମାନଙ୍କୁ ବାହାରକୁ ନେଇ ପାରିବ ଓ ଭିତରକୁ ଆଣି ପାରିବ; ତାହା କଲେ ସଦାପ୍ରଭୁଙ୍କର ମଣ୍ଡଳୀ ପାଳକବିହୀନ ମେଷପଲ ତୁଲ୍ୟ ହେବ ନାହିଁ ।"
\s5
\v 18 ତହୁଁ ସଦାପ୍ରଭୁ ମୋଶାଙ୍କୁ କହିଲେ, "ନୂନର ପୁତ୍ର ଯିହୋଶୂୟକୁ ନିଅ, ସେହି ଲୋକଠାରେ ଆତ୍ମା ଅଛନ୍ତି, ପୁଣି, ତୁମ୍ଭେ ତାହା ଉପରେ ହସ୍ତାର୍ପଣ କର;
\v 19 ଆଉ ଇଲୀୟାସର ଯାଜକ ସମ୍ମୁଖରେ ଓ ସମସ୍ତ ମଣ୍ଡଳୀ ସମ୍ମୁଖରେ ତାହାକୁ ଉପସ୍ଥିତ କରାଇ ସେମାନଙ୍କ ସାକ୍ଷାତରେ ଆଜ୍ଞା ଦିଅ ।
\s5
\v 20 ଆହୁରି ଇସ୍ରାଏଲ-ସନ୍ତାନଗଣଙ୍କର ସମସ୍ତ ମଣ୍ଡଳୀ ଯେପରି ତାହାର ଆଜ୍ଞାବହ ହେବେ, ଏଥିପାଇଁ ତୁମ୍ଭେ ଆପଣା ସମ୍ଭ୍ରମ ତାହା ଉପରେ ଅର୍ପଣ କର ।
\v 21 ପୁଣି, ସେ ଇଲୀୟାସର ଯାଜକ ସମ୍ମୁଖରେ ଠିଆ ହେବ ଓ ଇଲୀୟାସର ତାହା ପାଇଁ ଊରୀମର ବିଚାର ଦ୍ୱାରା ସଦାପ୍ରଭୁଙ୍କ ସମ୍ମୁଖରେ ପଚାରିବ; ସେମାନେ, ଅର୍ଥାତ୍‍, ସେ ଓ ତାହା ସହିତ ଇସ୍ରାଏଲ-ସନ୍ତାନଗଣର ସମୁଦାୟ ମଣ୍ଡଳୀ, ଉଭୟ ତାହାର ଆଜ୍ଞାରେ ବାହାରକୁ ଯିବେ ଓ ତାହାର ଆଜ୍ଞାରେ ଭିତରକୁ ଆସିବେ ।"
\s5
\v 22 ଏଥିରେ ମୋଶା ସଦାପ୍ରଭୁଙ୍କ ଆଜ୍ଞାନୁସାରେ କର୍ମ କଲେ; ସେ ଯିହୋଶୂୟଙ୍କୁ ଇଲୀୟାସର ଯାଜକ ସମ୍ମୁଖରେ ଓ ସମୁଦାୟ ମଣ୍ଡଳୀ ସମ୍ମୁଖରେ ଉପସ୍ଥିତ କରାଇଲେ ।
\v 23 ପୁଣି, ସେ ତାଙ୍କ ଉପରେ ହସ୍ତାର୍ପଣ କଲେ, ପୁଣି, ସଦାପ୍ରଭୁ ମୋଶାଙ୍କ ହାତରେ ଯେରୂପ କହିଥିଲେ, ସେରୂପ ସେ ତାଙ୍କୁ ଆଜ୍ଞା ଦେଲେ ।
\s5
\c 28
\s ଦୈନିକ ନୈବେଦ୍ୟ
\p
\v 1 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
\v 2 "ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ ଆଜ୍ଞା ଦିଅ ଓ ସେମାନଙ୍କୁ କୁହ, ତୁମ୍ଭେମାନେ ଆମ୍ଭର ତୁଷ୍ଟିଜନକ ଆଘ୍ରାଣାର୍ଥେ ଆମ୍ଭର ଉପହାର, ଅର୍ଥାତ୍‍, ଆମ୍ଭ ଉଦ୍ଦେଶ୍ୟରେ ଅଗ୍ନିକୃତ ନାନା ନୈବେଦ୍ୟାର୍ଥକ ଆମ୍ଭର ଯେଉଁ ଭକ୍ଷ୍ୟ, ତାହା ତହିଁର ନିରୂପିତ ସମୟରେ ଉତ୍ସର୍ଗ କରିବାକୁ ମନୋଯୋଗ କରିବ ।
\s5
\v 3 ପୁଣି, ତୁମ୍ଭେ ସେମାନଙ୍କୁ କହିବ, ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଯେଉଁ ଅଗ୍ନିକୃତ ଉପହାର ଉତ୍ସର୍ଗ କରିବ, ତାହା ଏହି; ପ୍ରତି ଦିନ ନିତ୍ୟ ହୋମ ନିମନ୍ତେ ଏକବର୍ଷୀୟ ନିଖୁନ୍ତ ଦୁଇ ମେଷବତ୍ସ ।
\v 4 ପ୍ରାତଃକାଳରେ ଏକ ମେଷବତ୍ସ ଉତ୍ସର୍ଗ କରିବ ଓ ସନ୍ଧ୍ୟାକାଳରେ ଏକ ମେଷବତ୍ସ ଉତ୍ସର୍ଗ କରିବ ।
\v 5 ପୁଣି, ଭକ୍ଷ୍ୟ-ନୈବେଦ୍ୟ ନିମନ୍ତେ ଏକ ହିନର ଚତୁର୍ଥାଂଶ ପେଷା ତୈଳ ମିଶ୍ରିତ ଏକ ଐଫାର ଦଶମାଂଶ ସରୁ ମଇଦା ଦେବ ।
\s5
\v 6 ଏହା ନିତ୍ୟ ହୋମବଳି, ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ରୂପେ ଏହା ସୀନୟ ପର୍ବତରେ ନିରୂପିତ ହୋଇଥିଲା ।
\v 7 ପୁଣି, ତହିଁର ଏକ ମେଷବତ୍ସ ନିମନ୍ତେ ଏକ ହିନର ଚତୁର୍ଥାଂଶ ପେୟ-ନୈବେଦ୍ୟ ହେବ । ତୁମ୍ଭେ ପବିତ୍ର ସ୍ଥାନରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପେୟ-ନୈବେଦ୍ୟ ରୂପେ ମଦ୍ୟ ଢାଳିବ ।
\s ବିଶ୍ରାମବାରର ନୈବେଦ୍ୟ
\p
\v 8 ଆଉ ତୁମ୍ଭେ ଅନ୍ୟ ମେଷବତ୍ସକୁ ସନ୍ଧ୍ୟାକାଳରେ ଉତ୍ସର୍ଗ କରିବ; ଯେପରି ପ୍ରାତଃକାଳର ଭକ୍ଷ୍ୟ-ନୈବେଦ୍ୟ ଓ ତହିଁର ପେୟ-ନୈବେଦ୍ୟ, ସେପରି ତୁମ୍ଭେ ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତୁଷ୍ଟିଜନକ ଆଘ୍ରାଣାର୍ଥେ ଅଗ୍ନିକୃତ ଉପହାର ରୂପେ ଉତ୍ସର୍ଗ କରିବ ।
\s5
\v 9 ଆଉ ବିଶ୍ରାମଦିନରେ ଏକବର୍ଷୀୟ ନିଖୁନ୍ତ ଦୁଇ ମେଷବତ୍ସ ଓ ତୈଳ ମିଶ୍ରିତ ଏକ ଐଫାର ଦୁଇ ଦଶମାଂଶ ସରୁ ମଇଦାର ଭକ୍ଷ୍ୟ-ନୈବେଦ୍ୟ ଓ ତହିଁର ପେୟ-ନୈବେଦ୍ୟ ଉତ୍ସର୍ଗ କରିବ ।
\v 10 ନିତ୍ୟ ହୋମ ଓ ତହିଁର ପେୟ-ନୈବେଦ୍ୟ ବ୍ୟତୀତ ପ୍ରତି ବିଶ୍ରାମବାରର ଏହି ହୋମବଳି ହେବ ।
\s ମାସର ପ୍ରଥମ ନୈବେଦ୍ୟ
\p
\s5
\v 11 ଆଉ ପ୍ରତି ମାସର ଆରମ୍ଭରେ ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମ ନିମନ୍ତେ ଦୁଇ ପୁଂଗୋବତ୍ସ, ଏକ ମେଷ ଓ ଏକବର୍ଷୀୟ ସାତ ନିଖୁନ୍ତ ମେଷବତ୍ସ ଉତ୍ସର୍ଗ କରିବ ।
\v 12 ପୁଣି, ଏକ ଗୋବତ୍ସ ନିମନ୍ତେ ଏକ ଐଫାର ତିନି ଦଶମାଂଶ ତୈଳ ମିଶ୍ରିତ ସରୁ ମଇଦାର ଭକ୍ଷ୍ୟ-ନୈବେଦ୍ୟ ଆଉ ଏକ ମେଷ ନିମନ୍ତେ ଦୁଇ ଦଶମାଂଶ ତୈଳ ମିଶ୍ରିତ ସରୁ ମଇଦାର ଭକ୍ଷ୍ୟ-ନୈବେଦ୍ୟ;
\v 13 ପୁଣି, ଏକ ଏକ ମେଷବତ୍ସ ନିମନ୍ତେ ଏକ ଏକ ଐଫାର ଦଶମାଂଶ ତୈଳ ମିଶ୍ରିତ ସରୁ ମଇଦାର ଭକ୍ଷ୍ୟ-ନୈବେଦ୍ୟ ହେବ; ତହିଁରେ ସେହି ହୋମବଳି ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ହେବ ।
\s5
\v 14 ଆଉ ଏକ ଗୋବତ୍ସ ନିମନ୍ତେ ଏକ ହିନର ଅର୍ଦ୍ଧେକ, ଏକ ମେଷ ନିମନ୍ତେ ଏକ ହିନର ତୃତୀୟାଂଶ ଓ ଏକ ମେଷବତ୍ସ ନିମନ୍ତେ ଏକ ହିନର ଚତୁର୍ଥାଂଶ ଦ୍ରାକ୍ଷାରସ ପେୟ-ନୈବେଦ୍ୟ ହେବ; ଏହିସବୁ ନୈବେଦ୍ୟ ବର୍ଷର ପ୍ରତି ମାସର ପ୍ରଥମ ଦିନରେ ଅଣାଯିବ ପୁଣି, ତାହସବୁ ସମ୍ପୂର୍ଣ୍ଣ ହୋମ ହେବ ।
\v 15 ପୁଣି, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପାପାର୍ଥକ ବଳି ରୂପେ ଏକ ଛାଗ ଉତ୍ସର୍ଗ କରାଯିବ ନିତ୍ୟ ହୋମ ଓ ତହିଁର ପେୟ-ନୈବେଦ୍ୟ ବ୍ୟତୀତ ତାହା ହେବ ।
\s ନିସ୍ତାର ପର୍ବର ନୈବେଦ୍ୟ
\p
\s5
\v 16 ଆହୁରି ପ୍ରଥମ ମାସର ଚତୁର୍ଦ୍ଦଶ ଦିନରେ ସଦାପ୍ରଭୁଙ୍କର ନିସ୍ତାର ପର୍ବ ହେବ ।
\v 17 ପୁଣି, ସେହି ମାସର ପଞ୍ଚଦଶ ଦିନରେ ଉତ୍ସବ ହେବ; ସାତ ଦିନ ତାଡ଼ିଶୂନ୍ୟ ରୁଟି ଭୋଜନ କରାଯିବ ।
\v 18 ପ୍ରଥମ ଦିନରେ ପବିତ୍ର ସଭା ହେବ; ସେହି ଦିନରେ ତୁମ୍ଭେମାନେ କୌଣସି ବ୍ୟବସାୟ କର୍ମ କରିବ ନାହିଁ ।
\s5
\v 19 ମାତ୍ର ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ରୂପେ ହୋମ ନିମନ୍ତେ ଦୁଇ ପୁଂଗୋବତ୍ସ, ଏକ ମେଷ ଓ ଏକବର୍ଷୀୟ ସାତ ମେଷବତ୍ସ, ଏହିସବୁ ନିଖୁନ୍ତ ପଶୁ;
\v 20 ପୁଣି, ଏକ ଗୋବତ୍ସ ନିମନ୍ତେ ତିନି ଦଶମାଂଶ ଓ ଏକ ମେଷ ନିମନ୍ତେ ଦୁଇ ଦଶମାଂଶ,
\v 21 ଆଉ ସାତ ମେଷବତ୍ସ ମଧ୍ୟରେ ଏକ ଏକ ବତ୍ସ ନିମନ୍ତେ ଏକ ଏକ ଦଶମାଂଶ ତୈଳ ମିଶ୍ରିତ ସରୁ ମଇଦାର ଭକ୍ଷ୍ୟ-ନୈବେଦ୍ୟ,
\v 22 ପୁଣି, ତୁମ୍ଭମାନଙ୍କ ନିମନ୍ତେ ପ୍ରାୟଶ୍ଚିତ୍ତ କରିବା ପାଇଁ ପାପାର୍ଥକ ବଳି ରୂପେ ଏକ ଛାଗ,
\s5
\v 23 ଏହି ସମସ୍ତ ତୁମ୍ଭେମାନେ ନିତ୍ୟ ହୋମର ପ୍ରାତଃକାଳୀନ ହୋମ ବ୍ୟତୀତ ଉତ୍ସର୍ଗ କରିବ ।
\v 24 ତୁମ୍ଭେମାନେ ଏହି ବିଧି ଅନୁସାରେ ସାତ ଦିନ ପର୍ଯ୍ୟନ୍ତ ପ୍ରତି ଦିନ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଭକ୍ଷ୍ୟ ରୂପ ଉପହାର ଉତ୍ସର୍ଗ କରିବ; ନିତ୍ୟ ହୋମ ଓ ତହିଁର ପେୟ-ନୈବେଦ୍ୟ ବ୍ୟତୀତ ତାହା ଉତ୍ସର୍ଗିତ ହେବ ।
\v 25 ପୁଣି, ସପ୍ତମ ଦିନରେ ତୁମ୍ଭମାନଙ୍କର ପବିତ୍ର ସଭା ହେବ; ତୁମ୍ଭେମାନେ କୌଣସି ବ୍ୟବସାୟ କର୍ମ କରିବ ନାହିଁ ।
\s ଶସ୍ୟ ଅମଳ ପର୍ବର ନୈବେଦ୍ୟ
\p
\s5
\v 26 ଆହୁରି ପ୍ରଥମ-ପକ୍ୱ ଫଳର ଦିନରେ, ଅର୍ଥାତ୍‍, ଯେଉଁ ସମୟରେ ତୁମ୍ଭେମାନେ ଆପଣାମାନଙ୍କ ଉତ୍ସବ-ସପ୍ତାହମାନଙ୍କରେ ସଦାପ୍ରଭୁଙ୍କ ଛାମୁକୁ ନୂତନ ଭକ୍ଷ୍ୟ-ନୈବେଦ୍ୟ ଆଣିବ, ସେତେବେଳେ ତୁମ୍ଭମାନଙ୍କର ପବିତ୍ର ସଭା ହେବ; ତୁମ୍ଭେମାନେ କୌଣସି ବ୍ୟବସାୟ କର୍ମ କରିବ ନାହିଁ ।
\v 27 ମାତ୍ର ତୁମ୍ଭେମାନେ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମବଳି ରୂପେ ଦୁଇ ପୁଂଗୋବତ୍ସ, ଏକ ମେଷ, ଏକବର୍ଷୀୟ ସାତ ମେଷବତ୍ସ;
\v 28 ପୁଣି, ଏକ ଗୋବତ୍ସ ନିମନ୍ତେ ତିନି ଦଶମାଂଶ, ଏକ ମେଷ ନିମନ୍ତେ ଦୁଇ ଦଶମାଂଶ
\s5
\v 29 ଓ ସାତ ମେଷବତ୍ସ ମଧ୍ୟରୁ ଏକ ଏକ ବତ୍ସ ନିମନ୍ତେ ଏକ ଏକ ଦଶମାଂଶ ତୈଳ ମିଶ୍ରିତ ସରୁ ମଇଦାର ଭକ୍ଷ୍ୟ-ନୈବେଦ୍ୟ;
\v 30 ଆଉ ତୁମ୍ଭମାନଙ୍କ ନିମନ୍ତେ ପ୍ରାୟଶ୍ଚିତ୍ତ କରଣାର୍ଥ ଏକ ଛାଗ ଉତ୍ସର୍ଗ କରିବ ।
\v 31 ତୁମ୍ଭେମାନେ ନିତ୍ୟ ହୋମ ଓ ତହିଁର ଭକ୍ଷ୍ୟ-ନୈବେଦ୍ୟ ବ୍ୟତୀତ ଏହି ସମସ୍ତ ଓ ତହିଁର ପେୟ-ନୈବେଦ୍ୟ ଉତ୍ସର୍ଗ କରିବ, ଏହିସବୁ ନିଖୁନ୍ତ ହେବ ।"
\s5
\c 29
\s ତୂରୀଧ୍ୱନୀ ପର୍ବର ନୈବେଦ୍ୟ
\p
\v 1 ଆଉ ସପ୍ତମ ମାସର ପ୍ରଥମ ଦିନରେ ତୁମ୍ଭମାନଙ୍କର ଗୋଟିଏ ପବିତ୍ର ସଭା ହେବ; ତୁମ୍ଭେମାନେ କୌଣସି ବ୍ୟବସାୟ କର୍ମ କରିବ ନାହିଁ; ସେହି ଦିନ ତୁମ୍ଭମାନଙ୍କ ପ୍ରତି ତୂରୀଧ୍ୱନିର ଦିନ ।
\s5
\v 2 ପୁଣି, ତୁମ୍ଭେମାନେ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମବଳି ରୂପେ ନିଖୁନ୍ତ ଏକ ପୁଂଗୋବତ୍ସ, ଏକ ମେଷ ଓ ଏକବର୍ଷୀୟ ସାତ ମେଷବତ୍ସ;
\s5
\v 3 ଆଉ ତହିଁର ଭକ୍ଷ୍ୟ-ନୈବେଦ୍ୟ ରୂପେ ଏକ ଗୋବତ୍ସ ନିମନ୍ତେ ତିନି ଦଶମାଂଶ, ଏକ ମେଷ ନିମନ୍ତେ ଦୁଇ ଦଶମାଂଶ
\v 4 ଓ ସାତ ମେଷବତ୍ସର ଏକ ଏକ ବତ୍ସ ନିମନ୍ତେ ଏକ ଏକ ଦଶମାଂଶ ତୈଳ ମିଶ୍ରିତ ସରୁ ମଇଦା ଉତ୍ସର୍ଗ କରିବ;
\v 5 ପୁଣି, ଆପଣାମାନଙ୍କ ନିମନ୍ତେ ପ୍ରାୟଶ୍ଚିତ୍ତ କରିବା ପାଇଁ ପାପାର୍ଥକ ବଳି ରୂପେ ଏକ ଛାଗ ଉତ୍ସର୍ଗ କରିବ ।
\s5
\v 6 ଏହି ସମସ୍ତ, ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅମାବାସ୍ୟାର ହୋମ ଓ ତହିଁର ଅଗ୍ନିକୃତ ଉପହାରର ତୁଷ୍ଟିଜନକ ଆଘ୍ରାଣାର୍ଥେ ଭକ୍ଷ୍ୟ-ନୈବେଦ୍ୟ ଓ ନିତ୍ୟ ହୋମ ଓ ତହିଁର ଭକ୍ଷ୍ୟ-ନୈବେଦ୍ୟ ପୁଣି, ବିଧିମତେ ଉଭୟର ପେୟ-ନୈବେଦ୍ୟ, ବ୍ୟତୀତ ଉତ୍ସର୍ଗ କରିବ ।
\s ପ୍ରାୟଶ୍ଚିତ୍ତ ଦିନର ନୈବେଦ୍ୟ
\p
\s5
\v 7 ଆହୁରି ସେହି ସପ୍ତମ ମାସର ଦଶମ ଦିନରେ ତୁମ୍ଭମାନଙ୍କର ଏକ ପବିତ୍ର ସଭା ହେବ; ପୁଣି, ତୁମ୍ଭେମାନେ କୌଣସି ପ୍ରକାର ଖାଦ୍ୟ ଭୋଜନ କରିବ ନାହିଁ; ତୁମ୍ଭେମାନେ କୌଣସି ବ୍ୟବସାୟ କର୍ମ କରିବ ନାହିଁ;
\v 8 ମାତ୍ର ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତୁଷ୍ଟିଜନକ ଆଘ୍ରାଣାର୍ଥେ ହୋମବଳି ରୂପେ ଏକ ପୁଂଗୋବତ୍ସ, ଏକ ମେଷ ଓ ଏକ ବର୍ଷୀୟ ସାତ ମେଷବତ୍ସ, ତୁମ୍ଭ ପ୍ରତି ଏମାନେ ନିଖୁନ୍ତ ହେବେ;
\s5
\v 9 ପୁଣି, ତହିଁର ଭକ୍ଷ୍ୟ-ନୈବେଦ୍ୟ ରୂପେ ଏକ ଗୋବତ୍ସ ନିମନ୍ତେ ତିନି ଦଶମାଂଶ, ଏକ ମେଷ ନିମନ୍ତେ ଦୁଇ ଦଶମାଂଶ
\v 10 ଓ ସାତ ମେଷବତ୍ସର ଏକ ଏକ ମେଷବତ୍ସ ନିମନ୍ତେ ଏକ ଏକ ଦଶମାଂଶ ତୈଳ ମିଶ୍ରିତ ସରୁ ମଇଦା;
\v 11 ପୁଣି, ପାପାର୍ଥକ ବଳି ରୂପେ ଏକ ଛାଗ ଏହି ସମସ୍ତ ତୁମ୍ଭେମାନେ ପ୍ରାୟଶ୍ଚିତ୍ତାର୍ଥକ ପାପବଳି, ନିତ୍ୟ ହୋମ ଓ ତହିଁର ଭକ୍ଷ୍ୟ ଓ ପେୟ-ନୈବେଦ୍ୟ ବ୍ୟତୀତ ଉତ୍ସର୍ଗ କରିବ ।
\s ପତ୍ରକୁଟୀର ପର୍ବର ନୈବେଦ୍ୟ
\p
\s5
\v 12 ଆଉ ସପ୍ତମ ମାସର ପଞ୍ଚଦଶ ଦିନରେ ତୁମ୍ଭମାନଙ୍କର ପବିତ୍ର ସଭା ହେବ; ତୁମ୍ଭେମାନେ କୌଣସି ବ୍ୟବସାୟ କର୍ମ କରିବ ନାହିଁ, ପୁଣି, ସାତ ଦିନ ଯାଏ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସବ ପାଳନ କରିବ ।
\v 13 ଆଉ ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତୁଷ୍ଟିଜନକ ଆଘ୍ରାଣାର୍ଥେ ଅଗ୍ନିକୃତ ହୋମବଳି ରୂପେ ତେର ପୁଂଗୋବତ୍ସ, ଦୁଇ ମେଷ ଓ ଏକବର୍ଷୀୟ ଚଉଦ ମେଷବତ୍ସ ଉତ୍ସର୍ଗ କରିବ; ଏମାନେ ନିଖୁନ୍ତ ହେବେ ।
\s5
\v 14 ପୁଣି, ତହିଁର ଭକ୍ଷ୍ୟ-ନୈବେଦ୍ୟ, ତେର ପୁଂଗୋବତ୍ସ ମଧ୍ୟରୁ ପ୍ରତ୍ୟେକ ବତ୍ସ ନିମନ୍ତେ ତିନି ତିନି ଦଶମାଂଶ, ଦୁଇ ମେଷ ମଧ୍ୟରୁ ପ୍ରତ୍ୟେକ ମେଷ ନିମନ୍ତେ ଦୁଇ ଦୁଇ ଦଶମାଂଶ
\v 15 ଓ ଚଉଦ ମେଷବତ୍ସ ମଧ୍ୟରୁ ପ୍ରତ୍ୟେକ ବତ୍ସ ନିମନ୍ତେ ଏକ ଏକ ଦଶମାଂଶ ତୈଳମିଶ୍ରିତ ସରୁ ମଇଦା;
\v 16 ଆଉ ପାପାର୍ଥକ ବଳି ରୂପେ ଏକ ଛାଗ, ଏହି ସମସ୍ତ ତୁମ୍ଭେମାନେ ନିତ୍ୟ ହୋମ, ତହିଁର ଭକ୍ଷ୍ୟ ଓ ପେୟ-ନୈବେଦ୍ୟ ବ୍ୟତୀତ ଉତ୍ସର୍ଗ କରିବ ।
\s5
\v 17 ଆଉ ଦ୍ୱିତୀୟ ଦିନରେ ନିଖୁନ୍ତ ବାର ପୁଂଗୋବତ୍ସ, ଦୁଇ ମେଷ ଓ ଏକବର୍ଷୀୟ ଚଉଦ ମେଷବତ୍ସ,
\v 18 ପୁଣି, ଗୋବତ୍ସର, ମେଷର ଓ ମେଷବତ୍ସମାନଙ୍କ ସଂଖ୍ୟାନୁସାରେ ବିଧିମତେ ଭକ୍ଷ୍ୟ ଓ ପେୟ-ନୈବେଦ୍ୟ,
\v 19 ଆଉ ପାପାର୍ଥକ ବଳି ରୂପେ ଏକ ଛାଗ, ଏସମସ୍ତ ତୁମ୍ଭେମାନେ ନିତ୍ୟ ହୋମ ଓ ତହିଁର ଭକ୍ଷ୍ୟ ଓ ପେୟ- ନୈବେଦ୍ୟ ବ୍ୟତୀତ ଉତ୍ସର୍ଗ କରିବ ।
\s5
\v 20 ଆଉ ତୃତୀୟ ଦିନରେ ନିଖୁନ୍ତ ଏଗାର ଗୋବତ୍ସ, ଦୁଇ ମେଷ ଓ ଏକବର୍ଷୀୟ ଚଉଦ ମେଷବତ୍ସ,
\v 21 ପୁଣି, ଗୋବତ୍ସର, ମେଷର ଓ ମେଷବତ୍ସମାନଙ୍କର ସଂଖ୍ୟାନୁସାରେ ବିଧିମତେ ଭକ୍ଷ୍ୟ ଓ ପେୟ-ନୈବେଦ୍ୟ,
\v 22 ଆଉ ପାପାର୍ଥକ ବଳି ରୂପେ ଏକ ଛାଗ, ଏ ସମସ୍ତ ତୁମ୍ଭେମାନେ ନିତ୍ୟ ହୋମ ଓ ତହିଁର ଭକ୍ଷ୍ୟ ଓ ପେୟ-ନୈବେଦ୍ୟ ବ୍ୟତୀତ ଉତ୍ସର୍ଗ କରିବ ।
\s5
\v 23 ଆଉ ଚତୁର୍ଥ ଦିନରେ ନିଖୁନ୍ତ ଦଶ ଗୋବତ୍ସ, ଦୁଇ ମେଷ, ଏକବର୍ଷୀୟ ଚଉଦ ମେଷବତ୍ସ,
\v 24 ଗୋବତ୍ସର, ମେଷର, ମେଷବତ୍ସମାନଙ୍କ ସଂଖ୍ୟାନୁସାରେ ବିଧିମତେ ଭକ୍ଷ୍ୟ ଓ ପେୟ-ନୈବେଦ୍ୟ,
\v 25 ପୁଣି, ପାପାର୍ଥକ ବଳି ରୂପେ ଏକ ଛାଗ, ଏସମସ୍ତ ତୁମ୍ଭେମାନେ ନିତ୍ୟ ହୋମ ଓ ତହିଁର ଭକ୍ଷ୍ୟ ଓ ପେୟ-ନୈବେଦ୍ୟ ବ୍ୟତୀତ ଉତ୍ସର୍ଗ କରିବ ।
\s5
\v 26 ଆଉ ପଞ୍ଚମ ଦିନରେ ନିଖୁନ୍ତ ନଅ ଗୋବତ୍ସ, ଦୁଇ ମେଷ ଓ ଏକବର୍ଷୀୟ ଚଉଦ ମେଷବତ୍ସ,
\v 27 ପୁଣି, ଗୋବତ୍ସର, ମେଷର ଓ ମେଷବତ୍ସମାନଙ୍କ ସଂଖ୍ୟାନୁସାରେ ବିଧିମତେ ଭକ୍ଷ୍ୟ ଓ ପେୟ-ନୈବେଦ୍ୟ,
\v 28 ପୁଣି, ପାପାର୍ଥକ ବଳି ରୂପେ ଏକ ଛାଗ, ଏସମସ୍ତ ତୁମ୍ଭେମାନେ ନିତ୍ୟ ହୋମ ଓ ତହିଁର ଭକ୍ଷ୍ୟ ଓ ପେୟ- ନୈବେଦ୍ୟ ବ୍ୟତୀତ ଉତ୍ସର୍ଗ କରିବ ।
\s5
\v 29 ଆଉ ଷଷ୍ଠ ଦିନରେ ନିଖୁନ୍ତ ଆଠ ଗୋବତ୍ସ, ଦୁଇ ମେଷ ଓ ଏକବର୍ଷୀୟ ଚଉଦ ମେଷବତ୍ସ,
\v 30 ଆଉ ଗୋବତ୍ସର, ମେଷର ଓ ମେଷବତ୍ସମାନଙ୍କ ସଂଖ୍ୟାନୁସାରେ ବିଧିମତେ ଭକ୍ଷ୍ୟ ଓ ପେୟ-ନୈବେଦ୍ୟ,
\v 31 ପୁଣି, ପାପାର୍ଥକ ବଳି ରୂପେ ଏକ ଛାଗ, ଏସମସ୍ତ ତୁମ୍ଭେମାନେ ନିତ୍ୟ ହୋମ ଓ ତହିଁର ଭକ୍ଷ୍ୟ ଓ ପେୟ-ନୈବେଦ୍ୟ ବ୍ୟତୀତ ଉତ୍ସର୍ଗ କରିବ ।
\s5
\v 32 ଆଉ ସପ୍ତମ ଦିନରେ ନିଖୁନ୍ତ ସାତ ଗୋବତ୍ସ, ଦୁଇ ମେଷ ଓ ଏକବର୍ଷୀୟ ଚଉଦ ମେଷବତ୍ସ,
\v 33 ଆଉ ଗୋବତ୍ସର, ମେଷର ଓ ମେଷବତ୍ସମାନଙ୍କର ସଂଖ୍ୟାନୁସାରେ ବିଧିମତେ ଭକ୍ଷ୍ୟ ଓ ପେୟ-ନୈବେଦ୍ୟ,
\v 34 ପୁଣି, ପାପାର୍ଥକ ବଳି ରୂପେ ଏକ ଛାଗ, ଏସମସ୍ତ ତୁମ୍ଭେମାନେ ନିତ୍ୟ ହୋମ ଓ ତହିଁର ଭକ୍ଷ୍ୟ ଓ ପେୟ-ନୈବେଦ୍ୟ ବ୍ୟତୀତ ଉତ୍ସର୍ଗ କରିବ ।
\s5
\v 35 ଆଉ ଅଷ୍ଟମ ଦିନରେ ତୁମ୍ଭମାନଙ୍କର ମହାସଭା ହେବ; ତୁମ୍ଭେମାନେ କୌଣସି ବ୍ୟବସାୟ କର୍ମ କରିବ ନାହିଁ ।
\v 36 ମାତ୍ର ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତୁଷ୍ଟିଜନକ ଆଘ୍ରାଣାର୍ଥେ ଅଗ୍ନିକୃତ ହୋମବଳି ରୂପେ ନିଖୁନ୍ତ ଏକ ଗୋବତ୍ସ, ଏକ ମେଷ ଓ ଏକବର୍ଷୀୟ ସାତ ମେଷବତ୍ସ,
\s5
\v 37 ଆଉ ଗୋବତ୍ସର, ମେଷର ଓ ମେଷବତ୍ସମାନଙ୍କ ସଂଖ୍ୟାନୁସାରେ ବିଧିମତେ ଭକ୍ଷ୍ୟ ଓ ପେୟ-ନୈବେଦ୍ୟ,
\v 38 ପୁଣି, ପାପାର୍ଥକ ବଳିରୂପେ ଏକ ଛାଗ, ଏ ସମସ୍ତ ତୁମ୍ଭେମାନେ ନିତ୍ୟ ହୋମ ଓ ତହିଁର ଭକ୍ଷ୍ୟ ଓ ପେୟ-ନୈବେଦ୍ୟ ବ୍ୟତୀତ ଉତ୍ସର୍ଗ କରିବ ।
\s5
\v 39 ତୁମ୍ଭେମାନେ ଏହି ସମସ୍ତ, ଆପଣା ଆପଣା ମାନତ, ସ୍ୱେଚ୍ଛାଦତ୍ତ ଉପହାର ସମ୍ବନ୍ଧୀୟ ତୁମ୍ଭମାନଙ୍କ ହୋମବଳି, ତୁମ୍ଭମାନଙ୍କ ଭକ୍ଷ୍ୟ-ନୈବେଦ୍ୟ, ତୁମ୍ଭମାନଙ୍କ ପେୟ-ନୈବେଦ୍ୟ ଓ ତୁମ୍ଭମାନଙ୍କ ମଙ୍ଗଳାର୍ଥକ ବଳି ବ୍ୟତୀତ ନିରୂପିତ ପର୍ବମାନଙ୍କରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବ ।
\v 40 ସଦାପ୍ରଭୁ ମୋଶାଙ୍କୁ ଯେଉଁ ଯେଉଁ ଆଜ୍ଞା ଦେଲେ, ମୋଶା ସେହି ସମସ୍ତ ଇସ୍ରାଏଲ-ସନ୍ତାନଗଣଙ୍କୁ କହିଲେ ।
\s5
\c 30
\s ଶପଥ ବିଷୟକ ନିୟମ
\p
\v 1 ଏଥିଉତ୍ତାରେ ମୋଶା ଇସ୍ରାଏଲ-ସନ୍ତାନମାନଙ୍କ ବଂଶର ପ୍ରଧାନବର୍ଗଙ୍କୁ କହିଲେ, "ସଦାପ୍ରଭୁ ଏହି ଆଜ୍ଞା ଦେଇଅଛନ୍ତି ।
\v 2 କୌଣସି ପୁରୁଷ ଯଦି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ମାନତ କରେ, କିଅବା ବ୍ରତ ଦ୍ୱାରା ଆପଣା ପ୍ରାଣକୁ ଆବଦ୍ଧ କରିବା ପାଇଁ ଶପଥ କରେ, ତେବେ ସେ ଆପଣା ବାକ୍ୟ ଲଙ୍ଘନ କରିବ ନାହିଁ; ସେ ଆପଣା ମୁଖରୁ ନିର୍ଗତ ସମସ୍ତ (ବାକ୍ୟ) ଅନୁସାରେ ସାଧନ କରିବ ।
\s5
\v 3 ମଧ୍ୟ କୌଣସି ସ୍ତ୍ରୀ ଯଦି ଯୌବନାବସ୍ଥାରେ ଆପଣା ପିତୃଗୃହରେ ଥିବା ସମୟରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ମାନତ କରେ ଓ ବ୍ରତ ଦ୍ୱାରା ଆପଣାକୁ ଆବଦ୍ଧ କରେ,
\v 4 ପୁଣି, ତାହାର ପିତା ଯଦି ତାହାର ମାନତ ଓ ଯଦ୍ଦ୍ୱାରା ସେ ଆପଣା ପ୍ରାଣକୁ ଆବଦ୍ଧ କରିଅଛି, ତାହାର ସେହି ପ୍ରତିଜ୍ଞାର କଥା ଶୁଣି ତାହାକୁ କିଛି ନ କହେ, ଯଦି ତାହାର ସକଳ ମାନତ ସ୍ଥିର ହେବ; ପୁଣି, ଯଦ୍ଦ୍ୱାରା ସେ ଆପଣା ପ୍ରାଣକୁ ଆବଦ୍ଧ କରିଅଛି, ସେହି ବ୍ରତ ସ୍ଥିର ହେବ ।
\s5
\v 5 ମାତ୍ର ତାହାର ପିତା ଯଦି ଶୁଣିବା ଦିନ ତାହାକୁ ନିଷେଧ କରେ, ତେବେ ତାହାର ମାନତ ଓ ଯଦ୍ଦ୍ୱାରା ସେ ଆପଣା ପ୍ରାଣକୁ ଆବଦ୍ଧ କରିଅଛି, ତାହାର ସେହି ବ୍ରତ ସ୍ଥିର ହେବ ନାହିଁ; ପୁଣି, ତାହାର ପିତା ନିଷେଧ କରିବା ସକାଶୁ ସଦାପ୍ରଭୁ ତାହାକୁ କ୍ଷମା କରିବେ ।
\s5
\v 6 ଆଉ ଯଦି ସେ ଆପଣା ମାନତର ଅବା ଯଦ୍ଦ୍ୱାରା ସେ ଆପଣା ପ୍ରାଣକୁ ଆବଦ୍ଧ କଲା, ତାହାର ମୁଖନିର୍ଗତ ସେହି ଚଞ୍ଚଳ ବାକ୍ୟର ଅଧୀନା ଥାଉ ଥାଉ କୌଣସି ସ୍ୱାମୀକୁ ବିବାହ କରେ;
\v 7 ପୁଣି, ତାହାର ସ୍ୱାମୀ ତାହା ଶୁଣେ ଓ ସେ ତାହା ଶୁଣିବା ଦିନ ତୁନି ହୋଇ ରହେ; ତେବେ ତାହାର ମାନତ ସ୍ଥିର ହେବ ଓ ଯଦ୍ଦ୍ୱାରା ସେ ଆପଣା ପ୍ରାଣକୁ ଆବଦ୍ଧ କରିଅଛି, ତାହାର ସେହି ବ୍ରତ ସ୍ଥିର ହେବ ।
\s5
\v 8 ମାତ୍ର ତାହାର ସ୍ୱାମୀ ତାହା ଶୁଣିବା ଦିନ ଯଦି ତାହାକୁ ନିଷେଧ କରେ, ତେବେ ସେ ତାହାର ମାନତ ଓ ଯଦ୍ଦ୍ୱାରା ସେ ଆପଣା ପ୍ରାଣକୁ ଆବଦ୍ଧ କରିଅଛି, ତାହାର ମୁଖନିର୍ଗତ ସେହି ଚଞ୍ଚଳ ବାକ୍ୟ ବ୍ୟର୍ଥ କରିବ । ତହିଁରେ ସଦାପ୍ରଭୁ ତାହାକୁ କ୍ଷମା କରିବେ ।
\s5
\v 9 ମାତ୍ର ବିଧବା କିମ୍ବା ସ୍ୱାମୀତ୍ୟକ୍ତା ସ୍ତ୍ରୀର ମାନତ ଓ ଯେକୌଣସି ବିଷୟରେ ସେ ଆପଣା ପ୍ରାଣକୁ ଆବଦ୍ଧ କରିଅଛି; ସେହିସବୁ ତାହା ନିମନ୍ତେ ସ୍ଥିର ହେବ ।
\v 10 ଆଉ ସେ ଯଦି ସ୍ୱାମୀର ଗୃହରେ ମାନତ କରିଥାଏ, ଅବା ଶପଥପୂର୍ବକ ବ୍ରତ ଦ୍ୱାରା ଆପଣା ପ୍ରାଣକୁ ଆବଦ୍ଧ କରିଥାଏ,
\v 11 ପୁଣି, ତାହାର ସ୍ୱାମୀ ତାହା ଶୁଣି ତାହା ପ୍ରତି ତୁନି ହୋଇ ରହେ ଓ ତାହାକୁ ନିଷେଧ ନ କରେ, ତେବେ ତାହାର ସମସ୍ତ ମାନତ ସ୍ଥିର ହେବ; ପୁଣି, ସେ ଯେଉଁସବୁ ପ୍ରତିଜ୍ଞା ଦ୍ୱାରା ଆପଣା ପ୍ରାଣକୁ ଆବଦ୍ଧ କଲା, ତାହାସବୁ ସ୍ଥିର ହେବ ।
\s5
\v 12 ମାତ୍ର ତାହାର ସ୍ୱାମୀ ଯଦି ଶୁଣିବା ଦିନ ତାହାସବୁ ରହିତ ଓ ବ୍ୟର୍ଥ କରେ, ତେବେ ତାହାର ମାନତ ବିଷୟରେ ଓ ତାହାର ପ୍ରାଣର ବନ୍ଧନ ବିଷୟରେ ଯେସବୁ କଥା ତାହାର ମୁଖରୁ ନିର୍ଗତ ହୋଇଥିଲା, ସେସବୁ ସ୍ଥିର ହେବ ନାହିଁ; ତାହାର ସ୍ୱାମୀ ସେସବୁ ବ୍ୟର୍ଥ କଲା, ଏଣୁ ସଦାପ୍ରଭୁ ତାହାକୁ କ୍ଷମା କରିବେ ।
\s5
\v 13 ତାହାର ସ୍ୱାମୀ ତାହାର ପ୍ରତ୍ୟେକ ମାନତ ଓ ପ୍ରାଣକୁ କ୍ଳେଶ ଦେବାର ପ୍ରତିଜ୍ଞାଯୁକ୍ତ ପ୍ରତ୍ୟେକ ଶପଥ ସ୍ଥିର କରି ପାରେ, ଅବା ତାହାର ସ୍ୱାମୀ ବ୍ୟର୍ଥ କରି ପାରେ ।
\v 14 ମାତ୍ର ତାହାର ସ୍ୱାମୀ ଯଦି ଦିନକୁ ଦିନ ତାହା ପ୍ରତି ସର୍ବତୋଭାବେ ତୁନି ହୋଇ ରହେ, ତେବେ ସେ ତାହାର ସମସ୍ତ ମାନତ ଅବା ତାହାର ସମସ୍ତ ପ୍ରତିଜ୍ଞା ସ୍ଥିର କରେ । ସେ ତାହା ଶୁଣିବା ଦିନ ତୁନି ହୋଇ ରହିବାରୁ ତାହା ସ୍ଥିର କଲା ।
\s5
\v 15 ମାତ୍ର ତାହା ଶୁଣିଲା ଉତ୍ତାରେ ଯଦି ସେ ତାହା ରହିତ ଓ ବ୍ୟର୍ଥ କରେ, ତେବେ ସେ ସ୍ତ୍ରୀର ଅପରାଧ ବହିବ ।"
\v 16 ପୁରୁଷ ଓ ତାହାର ଭାର୍ଯ୍ୟା ବିଷୟରେ, ପିତା ଓ ପିତୃଗୃହସ୍ଥିତା ଯୁବତୀ କନ୍ୟା ବିଷୟରେ ସଦାପ୍ରଭୁ ମୋଶାଙ୍କୁ ଏହି ସମସ୍ତ ଆଜ୍ଞା ଦେଲେ ।
\s5
\c 31
\s ମିଦୀୟନ ବିରୁଦ୍ଧରେ ପ୍ରତିଶୋଧ
\p
\v 1 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
\v 2 "ତୁମ୍ଭେ ଇସ୍ରାଏଲ-ସନ୍ତାନଗଣ ସକାଶେ ମିଦୀୟନୀୟମାନଙ୍କୁ ପ୍ରତିଫଳ ଦିଅ; ତହିଁ ଉତ୍ତାରେ ତୁମ୍ଭେ ଆପଣା ଲୋକଙ୍କ ନିକଟରେ ସଂଗୃହୀତ ହେବ ।"
\s5
\v 3 ତହିଁରେ ମୋଶା ଲୋକମାନଙ୍କୁ କହିଲେ, "ତୁମ୍ଭେମାନେ ଯୁଦ୍ଧ ନିମନ୍ତେ ଆପଣାମାନଙ୍କ ମଧ୍ୟରୁ କେତେକ ଲୋକଙ୍କୁ ପ୍ରସ୍ତୁତ କର; ସେମାନେ ମିଦୀୟନୀୟମାନଙ୍କ ଉପରେ ସଦାପ୍ରଭୁଙ୍କ ଦଣ୍ଡାଜ୍ଞା ସଫଳ କରିବା ନିମନ୍ତେ ମିଦୀୟନୀୟମାନଙ୍କ ବିରୁଦ୍ଧରେ ଯିବେ ।
\v 4 ତୁମ୍ଭେମାନେ ଇସ୍ରାଏଲ-ବଂଶର ପ୍ରତ୍ୟେକ ବଂଶରୁ ଏକ ଏକ ସହସ୍ର ଲୋକ ଯୁଦ୍ଧକୁ ପଠାଇବ ।"
\v 5 ତହୁଁ ସହସ୍ର ସହସ୍ର ଇସ୍ରାଏଲ ମଧ୍ୟରେ ପ୍ରତ୍ୟେକ ବଂଶରୁ ଏକ ଏକ ସହସ୍ର ଲୋକ, ଏହିରୂପେ ବାର ସହସ୍ର ଲୋକ ଯୁଦ୍ଧ ପାଇଁ ସଜ୍ଜିତ ହେଲେ ।
\s5
\v 6 ପୁଣି, ମୋଶା ଏକ ଏକ ବଂଶରୁ ଏକ ଏକ ସହସ୍ର ଲୋକଙ୍କୁ ଯୁଦ୍ଧକୁ ପଠାଇଲେ ଓ ଇଲୀୟାସର ଯାଜକର ପୁତ୍ର ପୀନହସର ହସ୍ତରେ ପବିତ୍ର ସ୍ଥାନର ପାତ୍ର ଓ ରଣତୂରୀ ଦେଇ ତାହାକୁ ସେମାନଙ୍କ ସଙ୍ଗେ ଯୁଦ୍ଧକୁ ପଠାଇଲେ ।
\v 7 ତହୁଁ ସେମାନେ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ମିଦୀୟନୀୟମାନଙ୍କ ବିରୁଦ୍ଧରେ ଯୁଦ୍ଧ କଲେ; ପୁଣି, ସେମାନେ ପ୍ରତ୍ୟେକ ପୁରୁଷକୁ ବଧ କଲେ ।
\v 8 ଆଉ ଅନ୍ୟାନ୍ୟ ହତ ଲୋକଙ୍କ ସହିତ ସେମାନେ ମିଦୀୟନୀୟ ରାଜାମାନଙ୍କୁ, ଅର୍ଥାତ୍‍ ଇବି, ରେକମ୍‍, ସୂର, ହୂର ଓ ରେବା, ଏହି ମିଦୀୟନୀୟ ପାଞ୍ଚ ରାଜାଙ୍କୁ ବଧ କଲେ; ବିୟୋରର ପୁତ୍ର ବିଲୀୟମକୁ ମଧ୍ୟ ସେମାନେ ଖଡ଼୍ଗରେ ବଧ କଲେ ।
\s5
\v 9 ଆଉ ଇସ୍ରାଏଲ-ସନ୍ତାନଗଣ ମିଦୀୟନର ସ୍ତ୍ରୀଲୋକମାନଙ୍କୁ ଓ ସେମାନଙ୍କ ପିଲାମାନଙ୍କୁ ବନ୍ଦୀ କରି ନେଲେ; ଆଉ ସେମାନଙ୍କର ସମସ୍ତ ପଶୁ, ସମସ୍ତ ମେଷପଲ ଓ ସମସ୍ତ ସମ୍ପତ୍ତି ଲୁଟି କରି ନେଲେ ।
\v 10 ଆଉ ସେମାନଙ୍କର ସକଳ ନିବାସ ନଗର ଓ ସକଳ ଛାଉଣି ଅଗ୍ନିରେ ଦଗ୍‍ଧ କଲେ ।
\s5
\v 11 ଆଉ ସେମାନେ ସମସ୍ତ ଲୁଟିତ ଦ୍ରବ୍ୟ, ପୁଣି, ସମସ୍ତ ଧୃତ ମନୁଷ୍ୟ ଓ ପଶୁ ନେଇଗଲେ ।
\v 12 ପୁଣି, ସେମାନେ ଯିରୀହୋ ନିକଟବର୍ତ୍ତୀ ଯର୍ଦ୍ଦନ ତୀରସ୍ଥ ମୋୟାବ-ପଦାରେ ସ୍ଥାପିତ ଛାଉଣିକୁ ମୋଶାଙ୍କର, ଇଲୀୟାସର ଯାଜକର, ଇସ୍ରାଏଲ-ସନ୍ତାନଗଣର ସମସ୍ତ ମଣ୍ଡଳୀ ନିକଟକୁ ସେହି ବନ୍ଦୀମାନଙ୍କୁ, ଧୃତ ପ୍ରାଣୀମାନଙ୍କୁ ଓ ସକଳ ଲୁଟିତ ଦ୍ରବ୍ୟ ଆଣିଲେ ।
\s5
\v 13 ତହିଁରେ ମୋଶା, ଇଲୀୟାସର ଯାଜକ ଓ ମଣ୍ଡଳୀର ଅଧ୍ୟକ୍ଷଗଣ ସେମାନଙ୍କୁ ଭେଟିବାକୁ ଛାଉଣିର ବାହାରକୁ ଗଲେ ।
\v 14 ସେତେବେଳେ ମୋଶା ଯୁଦ୍ଧକ୍ଷେତ୍ରରୁ ଆଗତ ସେନାପତିମାନଙ୍କ ପ୍ରତି, ଅର୍ଥାତ୍‍, ସହସ୍ରପତି ଓ ଶତପତିମାନଙ୍କ ପ୍ରତି କ୍ରୋଧ କଲେ ।
\v 15 ଆଉ ମୋଶା ସେମାନଙ୍କୁ କହିଲେ, "ତୁମ୍ଭେମାନେ କି ସମସ୍ତ ସ୍ତ୍ରୀଲୋକଙ୍କୁ ଜୀବିତ ରଖିଅଛ ?
\s5
\v 16 ଦେଖ, ଏମାନେ ବିଲୀୟମର ପରାମର୍ଶରେ ପିୟୋର ଦେବତା ବିଷୟରେ ଇସ୍ରାଏଲ-ସନ୍ତାନଗଣଙ୍କୁ ସଦାପ୍ରଭୁଙ୍କ ବିରୁଦ୍ଧରେ ସତ୍ୟ ଲଙ୍ଘନ କରାଇଲେ, ତହିଁ ନିମନ୍ତେ ସଦାପ୍ରଭୁଙ୍କ ମଣ୍ଡଳୀ ମଧ୍ୟରେ ମହାମାରୀ ହେଲା ।
\v 17 ଏଣୁ ତୁମ୍ଭେମାନେ ଏବେ ପିଲାମାନଙ୍କ ମଧ୍ୟରୁ ସମସ୍ତ ପୁରୁଷ ପିଲାମାନଙ୍କୁ ବଧ କର, ପୁଣି, ଯେଉଁ ସ୍ତ୍ରୀଲୋକମାନେ ପୁରୁଷର ସହବାସ ଜ୍ଞାତ ହୋଇଅଛନ୍ତି, ସେମାନଙ୍କୁ ବଧ କର ।
\s5
\v 18 ମାତ୍ର ଯେଉଁ ସ୍ତ୍ରୀର ପିଲାମାନେ ପୁରୁଷ-ସହବାସ ଜ୍ଞାତ ହୋଇ ନାହାନ୍ତି, ସେହି ସମସ୍ତଙ୍କୁ ଆପଣାମାନଙ୍କ ନିମନ୍ତେ ଜୀବିତ ରଖ ।
\v 19 ଆଉ ତୁମ୍ଭେମାନେ ସାତ ଦିନ ଛାଉଣିର ବାହାରେ ଛାଉଣି ସ୍ଥାପନ କରିବ; ତୁମ୍ଭେମାନେ ଯେତେ ଲୋକ ମନୁଷ୍ୟର ହତ୍ୟା କରିଅଛ ଓ ହତ ଲୋକଙ୍କୁ ସ୍ପର୍ଶ କରିଅଛ, ସମସ୍ତେ ତୃତୀୟ ଦିନରେ, ସପ୍ତମ ଦିନରେ ଆପଣାମାନଙ୍କୁ ଓ ଆପଣା ଆପଣା ବନ୍ଦୀମାନଙ୍କୁ ପାପରୁ ପରିଷ୍କାର କର ।
\v 20 ପୁଣି, ଯାବତୀୟ ବସ୍ତ୍ର, ଚର୍ମନିର୍ମିତ ଯାବତୀୟ ବସ୍ତୁ, ଛାଗର ଲୋମରେ ନିର୍ମିତ ଯାବତୀୟ ବସ୍ତୁ ଓ କାଷ୍ଠନିର୍ମିତ ଯାବତୀୟ ବସ୍ତୁ ସମ୍ବନ୍ଧରେ ତୁମ୍ଭେମାନେ ଆପଣାମାନଙ୍କୁ ପାପରୁ ପରିଷ୍କାର କରିବ ।"
\s5
\v 21 ତହୁଁ ଇଲୀୟାସର ଯାଜକ ଯୁଦ୍ଧକୁ ଯାଇଥିବା ଯୋଦ୍ଧାମାନଙ୍କୁ କହିଲା, "ସଦାପ୍ରଭୁ ମୋଶାଙ୍କୁ ଯେଉଁ ବ୍ୟବସ୍ଥାର ଆଜ୍ଞା ଦେଇଥିଲେ, ତହିଁର ବିଧି ଏହି;
\v 22 ତଥାପି ସୁନା, ରୂପା, ପିତ୍ତଳ, ଲୁହା, ଦସ୍ତା ଓ ସୀସା,
\v 23 ଯେଉଁ ସମସ୍ତ ଦ୍ରବ୍ୟ ଅଗ୍ନି ସହିପାରେ, ସେସବୁକୁ ଅଗ୍ନିରେ ପକାଇବ, ତହିଁରେ ତାହା ଶୁଚି ହେବ; ତେବେ ହେଁ ତାହା ପାପାର୍ଥକ ଜଳରେ ପରିଷ୍କୃତ କରାଯିବ; ପୁଣି, ଯେଉଁ ସବୁ ଦ୍ରବ୍ୟ ଅଗ୍ନି ସହେ ନାହିଁ, ତାହା ତୁମ୍ଭେମାନେ ଜଳରେ ପକାଇବ ।
\v 24 ପୁଣି, ତୁମ୍ଭେମାନେ ସପ୍ତମ ଦିନରେ ଆପଣା ଆପଣା ବସ୍ତ୍ର ଧୋଇବ, ତହିଁରେ ତୁମ୍ଭେମାନେ ଶୁଚି ହେବ; ତହିଁ ଉତ୍ତାରେ ତୁମ୍ଭେମାନେ ଛାଉଣିରେ ପ୍ରବେଶ କରିବ ।"
\s5
\v 25 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
\v 26 "ତୁମ୍ଭେ, ଇଲୀୟାସର ଯାଜକ ଓ ମଣ୍ଡଳୀସ୍ଥ ପିତୃଗୃହର ପ୍ରଧାନମାନେ ଯୁଦ୍ଧରେ ଧୃତ ଜୀବଗଣର, ଅର୍ଥାତ୍‍, ବନ୍ଦୀ ମନୁଷ୍ୟର ଓ ପଶୁର ସଂଖ୍ୟା କର ।"
\v 27 ପୁଣି, ଯୁଦ୍ଧରେ ଧୃତ ସେହି ଜୀବମାନଙ୍କୁ ଯୁଦ୍ଧକୁ ଯାଇଥିବା ନିପୁଣ ଯୋଦ୍ଧାମାନଙ୍କର ଓ ସମସ୍ତ ମଣ୍ଡଳୀର ମଧ୍ୟରେ ବିଭାଗ କର ।
\s5
\v 28 ପୁଣି, ଯୁଦ୍ଧକୁ ଯାଇଥିବା ଯୋଦ୍ଧାମାନଙ୍କଠାରୁ ସଦାପ୍ରଭୁଙ୍କ ନିମନ୍ତେ କର ଗ୍ରହଣ କର; ସେମାନଙ୍କର ଲଭ୍ୟ ଅର୍ଦ୍ଧାଂଶରୁ ମନୁଷ୍ୟ, ଗୋରୁ, ଗର୍ଦ୍ଦଭ ଓ ମେଷମାନଙ୍କର,
\v 29 ପ୍ରତି ପାଞ୍ଚଶହରୁ ଗୋଟିଏ ଲେଖାଏଁ ଜୀବ ନେଇ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ତୋଳନୀୟ ଉପହାର ନିମନ୍ତେ ଇଲୀୟାସର ଯାଜକକୁ ଦିଅ;
\s5
\v 30 ପୁଣି, ଇସ୍ରାଏଲ-ସନ୍ତାନଗଣର ଲଭ୍ୟ ଅର୍ଦ୍ଧାଂଶରୁ ତୁମ୍ଭେ ମନୁଷ୍ୟ, ଗୋରୁ, ଗର୍ଦ୍ଦଭ ଓ ମେଷାଦି ସମସ୍ତ ପଶୁର ପ୍ରତ୍ୟେକ ପାଞ୍ଚଶହରୁ ଗୋଟିଏ ଲେଖାଏଁ ନେଇ ସଦାପ୍ରଭୁଙ୍କ ଆବାସ ରକ୍ଷଣୀୟ-ରକ୍ଷକ ଲେବୀୟମାନଙ୍କୁ ଦିଅ;
\v 31 ତହିଁରେ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ମୋଶା ଓ ଇଲୀୟାସର ଯାଜକ କଲେ ।
\s5
\v 32 ଯୋଦ୍ଧାମାନେ ଲୁଟିତ ସମ୍ପତ୍ତି ବ୍ୟତୀତ ଯେଉଁ ସବୁ ଜୀବ ଧରିଥିଲେ, ସେମାନଙ୍କ ସଂଖ୍ୟା,
\v 33 ଛଅ ଲକ୍ଷ ପଞ୍ଚସ୍ତରି ହଜାର ମେଷ
\v 34 ଓ ବାସ୍ତରି ହଜାର ଗୋରୁ, ଏକଷଠି ହଜାର ଗର୍ଦ୍ଦଭ;
\v 35 ଆଉ ପୁରୁଷ-ସହବାସ ଅଜ୍ଞାତା ସ୍ତ୍ରୀଲୋକ ସର୍ବସୁଦ୍ଧା ବତିଶ ହଜାର ଥିଲେ ।
\s5
\v 36 ତହିଁରେ ଯୁଦ୍ଧକୁ ଯାଇଥିବା ଲୋକମାନଙ୍କର ଲଭ୍ୟ ଅର୍ଦ୍ଧାଂଶର ସଂଖ୍ୟା ତିନି ଲକ୍ଷ ସଇଁତିରିଶ ହଜାର ପାଞ୍ଚ ଶହ ମେଷ ।
\v 37 ପୁଣି, ସେହି ମେଷ ମଧ୍ୟରୁ ଛଅ ଶହ ପଞ୍ଚସ୍ତରି ମେଷ ସଦାପ୍ରଭୁଙ୍କର କର ସ୍ୱରୂପ ଥିଲା ।
\v 38 ଆଉ ଗୋରୁ ଛତିଶ ହଜାର, ସେମାନଙ୍କ ମଧ୍ୟରୁ ବାସ୍ତରି ଗୋରୁ ସଦାପ୍ରଭୁଙ୍କର କର ସ୍ୱରୂପ ଥିଲା ।
\s5
\v 39 ଆଉ ଗର୍ଦ୍ଦଭ ତିରିଶ ହଜାର ପାଞ୍ଚ ଶହ, ସେମାନଙ୍କ ମଧ୍ୟରୁ ଏକଷଠି ସଦାପ୍ରଭୁଙ୍କର କର ସ୍ୱରୂପ ଥିଲା ।
\v 40 ପୁଣି, ମନୁଷ୍ୟ ଷୋଳ ସହସ୍ର, ସେମାନଙ୍କ ମଧ୍ୟରୁ ବତିଶ ଜଣ ସଦାପ୍ରଭୁଙ୍କର କର ସ୍ୱରୂପ ଥିଲା ।
\v 41 ତହିଁରେ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ମୋଶା ସଦାପ୍ରଭୁଙ୍କର ଉତ୍ତୋଳନୀୟ ଉପହାର ସ୍ୱରୂପେ ସେହି କର ଇଲୀୟାସର ଯାଜକକୁ ଦେଲେ ।
\s5
\v 42 ପୁଣି, ଯୋଦ୍ଧାମାନଙ୍କ ଅଂଶ ଭିନ୍ନ ଯେଉଁ ଅର୍ଦ୍ଧାଂଶ ମୋଶା ଇସ୍ରାଏଲ-ସନ୍ତାନଗଣଙ୍କୁ ଦେଇଥିଲେ;
\v 43 ମଣ୍ଡଳୀର ଲଭ୍ୟ ସେହି ଅର୍ଦ୍ଧାଂଶ ସଂଖ୍ୟାରେ ତିନି ଲକ୍ଷ ସଇଁତିରିଶ ହଜାର ପାଞ୍ଚ ଶହ ମେଷ,
\v 44 ଛତିଶ ହଜାର ଗୋରୁ,
\v 45 ତିରିଶ ହଜାର ପାଞ୍ଚ ଶହ ଗର୍ଦ୍ଦଭ
\v 46 ଓ ଷୋଳ ସହସ୍ର ମନୁଷ୍ୟ ଥିଲେ ।
\s5
\v 47 ତହିଁରେ ମୋଶା ଇସ୍ରାଏଲ-ସନ୍ତାନଗଣଙ୍କର ଲଭ୍ୟ ସେହି ଅର୍ଦ୍ଧାଂଶରୁ ମନୁଷ୍ୟ ଓ ପଶୁର ପ୍ରତ୍ୟେକ ପଚାଶ ମଧ୍ୟରୁ ଗୋଟିଏ ଲେଖାଏଁ ନେଇ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସଦାପ୍ରଭୁଙ୍କ ଆବାସର ରକ୍ଷଣୀୟ-ରକ୍ଷକ ଲେବୀୟମାନଙ୍କୁ ଦେଲେ ।
\s5
\v 48 ଏଉତ୍ତାରେ ସହସ୍ର ସହସ୍ର ସୈନ୍ୟମାନଙ୍କ ଉପରେ କର୍ତ୍ତୃତ୍ୱକାରୀଗଣ, ଅର୍ଥାତ୍‍, ସହସ୍ରପତି ଓ ଶତପତିମାନେ ମୋଶାଙ୍କ ନିକଟକୁ ଆସିଲେ,
\v 49 ପୁଣି, ସେମାନେ ମୋଶାଙ୍କୁ କହିଲେ, "ତୁମ୍ଭର ଏହି ଦାସମାନେ ଆପଣାମାନଙ୍କ ହସ୍ତଗତ ଯୋଦ୍ଧାମାନଙ୍କର ସଂଖ୍ୟା ନେଇଅଛନ୍ତି, ସେମାନଙ୍କ ମଧ୍ୟରୁ ଜଣେ ହିଁ ଊଣା ହୋଇ ନାହିଁ ।
\s5
\v 50 ଏହେତୁ ଆମ୍ଭେମାନେ ପ୍ରତି ଜଣ ସ୍ୱର୍ଣ୍ଣ-ଅଳଙ୍କାର, ନୂପୁର ଓ ବଳା, ଅଙ୍ଗୁରୀୟକ, କୁଣ୍ଡଳ ଓ ହାର, ଏହି ଯେସବୁ ପାଇଅଛୁ, ତହିଁରୁ ସଦାପ୍ରଭୁଙ୍କ ସମ୍ମୁଖରେ ଆପଣା ଆପଣା ପ୍ରାଣ ନିମନ୍ତେ ପ୍ରାୟଶ୍ଚିତ୍ତ କରିବାକୁ ସଦାପ୍ରଭୁଙ୍କ ଉପହାର ଆଣିଅଛୁ ।"
\v 51 ତହୁଁ ମୋଶା ଓ ଇଲୀୟାସର ଯାଜକ ସେମାନଙ୍କଠାରୁ ସେହି ସ୍ୱର୍ଣ୍ଣ, ଅର୍ଥାତ୍‍, ଶିଳ୍ପିତ ଅଳଙ୍କାର ନେଲେ ।
\s5
\v 52 ଆଉ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସହସ୍ରପତି ଓ ଶତପତିମାନେ ଉତ୍ତୋଳନୀୟ ଉପହାର ରୂପେ ଯେଉଁ ସ୍ୱର୍ଣ୍ଣ ଉତ୍ସର୍ଗ କଲେ, ସେସମସ୍ତ ସ୍ୱର୍ଣ୍ଣ ଷୋଳ ହଜାର ସାତ ଶହ ପଚାଶ ଶେକଲ ପରିମିତ ଥିଲା ।
\v 53 କାରଣ ଯୋଦ୍ଧାମାନେ ପ୍ରତ୍ୟେକେ ଆପଣା ଆପଣା ନିମନ୍ତେ ଲୁଟିତ ଦ୍ରବ୍ୟ ନେଇଥିଲେ ।
\v 54 ଏଉତ୍ତାରେ ମୋଶା, ଇଲୀୟାସର ଯାଜକ ସହସ୍ରପତି ଓ ଶତପତିମାନଙ୍କଠାରୁ ସେହି ସ୍ୱର୍ଣ୍ଣ ଗ୍ରହଣ କଲେ, ପୁଣି, ସଦାପ୍ରଭୁଙ୍କ ସମ୍ମୁଖରେ ଇସ୍ରାଏଲ-ସନ୍ତାନଗଣର ସ୍ମରଣାର୍ଥକ ଚିହ୍ନ ରୂପେ ତାହା ସମାଗମ-ତମ୍ବୁରେ ରଖିଲେ ।
\s5
\c 32
\s ରୁବେନ ଓ ଗାଦର ଗିଲୀୟଦରେ ବସତି
\p
\v 1 ରୁବେନ-ସନ୍ତାନଗଣର ଓ ଗାଦ-ସନ୍ତାନଗଣର ଅନେକ ପଶୁପଲ ଥିଲା; ଏଣୁ ସେମାନେ ଯାସେର ଦେଶକୁ ଓ ଗିଲୀୟଦ ଦେଶକୁ ଦେଖିଲେ ଯେଉଁ ସ୍ଥାନ ପଶୁପଲ ନିମନ୍ତେ ଉପଯୁକ୍ତ ସ୍ଥାନ ଥିଲା ।
\v 2 ଏଥିରେ ଗାଦର ସନ୍ତାନଗଣ, ରୁବେନର ସନ୍ତାନଗଣ ଆସି ମୋଶାଙ୍କୁ, ଇଲୀୟାସର ଯାଜକକୁ ଓ ମଣ୍ଡଳୀର ଅଧ୍ୟକ୍ଷଗଣକୁ କହିଲେ;
\v 3 "ଅଟାରୋତ୍‍, ଦୀବୋନ, ଯାସେର, ନିମ୍ରା, ହିଷ୍‍ବୋନ୍‍, ଇଲୀୟାଲୀ, ସିବମା, ନବୋ ଓ ବିୟୋନ,
\s5
\v 4 ଏହି ଯେଉଁ ସବୁ ଦେଶକୁ ସଦାପ୍ରଭୁ ଇସ୍ରାଏଲ-ମଣ୍ଡଳୀ ସମ୍ମୁଖରେ ପରାସ୍ତ କରିଅଛନ୍ତି, ତାହା ପଶୁପଲ ନିମନ୍ତେ ଉପଯୁକ୍ତ ସ୍ଥାନ ଅଟେ । ପୁଣି, ତୁମ୍ଭର ଏହି ଦାସମାନଙ୍କର ପଶୁପଲ ଅଛି ।
\v 5 ସେମାନେ ଆହୁରି କହିଲେ, "ଆମ୍ଭେମାନେ ଯଦି ତୁମ୍ଭ ଦୃଷ୍ଟିରେ ଅନୁଗ୍ରହ ପାଇଅଛୁ, ତେବେ ତୁମ୍ଭର ଦାସଗଣକୁ ଅଧିକାରାର୍ଥେ ଏହି ଦେଶ ଦିଆଯାଉ; ଆମ୍ଭମାନଙ୍କୁ ଯର୍ଦ୍ଦନ ପାରିକୁ ନେଇ ଯାଅ ନାହିଁ ।"
\s5
\v 6 ଏଥିରେ ମୋଶା ଗାଦର ସନ୍ତାନଗଣକୁ ଓ ରୁବେନର ସନ୍ତାନଗଣକୁ କହିଲେ, "ତୁମ୍ଭମାନଙ୍କର ଭାଇମାନେ ଯୁଦ୍ଧ କରିବାକୁ ଯିବେ, ଆଉ ତୁମ୍ଭେମାନେ କି ଏଠାରେ ବସି ରହିବ ?
\v 7 ସଦାପ୍ରଭୁ ଇସ୍ରାଏଲ-ସନ୍ତାନଗଣକୁ ଯେଉଁ ଦେଶ ଦେଇଅଛନ୍ତି, ପାର ହୋଇ ସେହି ଦେଶକୁ ଯିବା ପାଇଁ କାହିଁକି ସେମାନଙ୍କ ମନକୁ ସାହସହୀନ କରୁଅଛ ?
\s5
\v 8 ମୁଁ ତୁମ୍ଭର ପିତୃଲୋକମାନଙ୍କୁ କାଦେଶ-ବର୍ଣ୍ଣେୟଠାରୁ ସେହି ଦେଶ ଦେଖିବାକୁ ପଠାଇବା ସମୟରେ ସେମାନେ ଏହିରୂପେ କରିଥିଲେ ।
\v 9 କାରଣ ସେମାନେ ଇଷ୍କୋଲ-ଉପତ୍ୟକା ପର୍ଯ୍ୟନ୍ତ ଗମନ କରି ଦେଶ ଦେଖି ସଦାପ୍ରଭୁଙ୍କ ଦତ୍ତ ଦେଶକୁ ଯିବା ପାଇଁ ଇସ୍ରାଏଲ-ସନ୍ତାନଗଣର ମନକୁ ସାହସହୀନ କଲେ ।
\s5
\v 10 ଏନିମନ୍ତେ ସେହି ଦିନ ସଦାପ୍ରଭୁଙ୍କର କ୍ରୋଧ ପ୍ରଜ୍ୱଳିତ ହେଲା, ପୁଣି, ସେ ଶପଥ କରି ଏହି କଥା କହିଲେ,
\v 11 "ଆମ୍ଭେ ଅବ୍ରହାମକୁ, ଇସହାକ୍‍କୁ ଓ ଯାକୁବକୁ ଯେଉଁ ଦେଶ ଦେବା ପାଇଁ ଶପଥ କରିଅଛୁ, ମିସରରୁ ଆଗତ ଲୋକମାନଙ୍କ ମଧ୍ୟରୁ କୋଡ଼ିଏ ବର୍ଷ ଓ ତତୋଧିକ ବର୍ଷ ବୟସ୍କ କେହି ସେହି ଦେଶ ଦେଖି ପାରିବ ନାହିଁ, ଏହା ନିଶ୍ଚିତ; କାରଣ ସେମାନେ ସମ୍ପୂର୍ଣ୍ଣ ରୂପେ ଆମ୍ଭର ଅନୁଗତ ହୋଇ ନାହାନ୍ତି ।"
\v 12 କେବଳ କନିସୀୟ ଯିଫୁନ୍ନିର ପୁତ୍ର କାଲେବ ଓ ନୂନର ପୁତ୍ର ଯିହୋଶୂୟ ତାହା ଦେଖିବେ; କାରଣ ସେମାନେ ସମ୍ପୂର୍ଣ୍ଣ ରୂପେ ସଦାପ୍ରଭୁଙ୍କର ଅନୁଗତ ହୋଇଅଛନ୍ତି ।
\s5
\v 13 ଏହିରୂପେ ଇସ୍ରାଏଲ ପ୍ରତି ସଦାପ୍ରଭୁଙ୍କର କ୍ରୋଧ ପ୍ରଜ୍ୱଳିତ ହେଲା, ପୁଣି, ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମକାରୀ ସମସ୍ତ ବଂଶର ନିଃଶେଷ ନ ହେବା ପର୍ଯ୍ୟନ୍ତ ସେ ସେମାନଙ୍କୁ ଚାଳିଶ ବର୍ଷ ପର୍ଯ୍ୟନ୍ତ ଏ ପ୍ରାନ୍ତରରେ ଭ୍ରମଣ କରାଇଲେ ।
\v 14 ଏବେ ଦେଖ, ପାପିଷ୍ଠ ଲୋକମାନଙ୍କର ବଂଶ, ତୁମ୍ଭେମାନେ ଇସ୍ରାଏଲ ପ୍ରତି ସଦାପ୍ରଭୁଙ୍କର ପ୍ରଚଣ୍ଡ କ୍ରୋଧ ଆହୁରି ବଢ଼ାଇବାର ନିମନ୍ତେ ଆପଣା ଆପଣା ପିତୃଗଣର ସ୍ଥାନରେ ଉଠିଅଛ ।
\v 15 କାରଣ ଯଦି ତୁମ୍ଭେମାନେ ଏହିରୂପେ ତାହାଙ୍କ ପଶ୍ଚାଦ୍‍ଗମନରୁ ବିମୁଖ ହେବ, ତେବେ ସେ ପୁନର୍ବାର ଇସ୍ରାଏଲକୁ ପ୍ରାନ୍ତରରେ ପରିତ୍ୟାଗ କରିବେ, ତହିଁରେ ତୁମ୍ଭେମାନେ ଏହି ସକଳ ଲୋକଙ୍କୁ ବିନଷ୍ଟ କରାଇବ ।"
\s5
\v 16 ଏଥିରେ ସେମାନେ ତାଙ୍କ ନିକଟକୁ ଆସି କହିଲେ, "ଆମ୍ଭେମାନେ ଏହି ସ୍ଥାନରେ ଆପଣା ଆପଣା ପଶୁମାନଙ୍କ ନିମନ୍ତେ ମେଷଶାଳା ଓ ଆପଣା ଆପଣା ବାଳକମାନଙ୍କ ନିମନ୍ତେ ନଗର ନିର୍ମାଣ କରିବା ।
\v 17 ମାତ୍ର ଆମ୍ଭେମାନେ ନିଜେ ଇସ୍ରାଏଲ-ସନ୍ତାନଗଣକୁ ସେମାନଙ୍କ ସ୍ଥାନକୁ ନ ଆଣିବା ପର୍ଯ୍ୟନ୍ତ ସସଜ୍ଜ ହୋଇ ସେମାନଙ୍କ ଆଗେ ଆଗେ ଗମନ କରିବୁ; କେବଳ ଆମ୍ଭମାନଙ୍କର ବାଳକମାନେ ଦେଶନିବାସୀମାନଙ୍କ ସକାଶୁ ପ୍ରାଚୀରବେଷ୍ଟିତ ନଗରରେ ବାସ କରିବେ ।
\s5
\v 18 ଇସ୍ରାଏଲ-ସନ୍ତାନଗଣଙ୍କର ପ୍ରତ୍ୟେକ ଲୋକ ଆପଣା ଆପଣା ଅଧିକାର ନ ପାଇବା ପର୍ଯ୍ୟନ୍ତ ଆମ୍ଭେମାନେ ଆପଣା ଆପଣା ଗୃହକୁ ଫେରି ଆସିବୁ ନାହିଁ ।
\v 19 ମାତ୍ର ଆମ୍ଭେମାନେ ଯର୍ଦ୍ଦନର ଆର ପାରିରେ ଓ ତହିଁ ଆଗରେ ସେମାନଙ୍କ ସହିତ ଅଧିକାର ଗ୍ରହଣ କରିବୁ ନାହିଁ; କାରଣ ଯର୍ଦ୍ଦନର ଏହି ପାରିରେ ଆମ୍ଭମାନଙ୍କ ଅଧିକାର ପଡ଼ିଅଛି ।"
\s5
\v 20 ଏଥିରେ ମୋଶା ସେମାନଙ୍କୁ କହିଲେ, "ତୁମ୍ଭେମାନେ ଯଦି ଏହି କର୍ମ କର, ଯଦି ସସଜ୍ଜ ହୋଇ ସଦାପ୍ରଭୁଙ୍କ ସମ୍ମୁଖରେ ଯୁଦ୍ଧ କରିବାକୁ ଗମନ କର,
\v 21 ପୁଣି, ସଦାପ୍ରଭୁ ଯେପର୍ଯ୍ୟନ୍ତ ଆପଣା ଶତ୍ରୁଗଣକୁ ଆପଣା ଆଗରୁ ତଡ଼ି ନ ଦିଅନ୍ତି
\v 22 ଓ ଦେଶ ସଦାପ୍ରଭୁଙ୍କ ଆଗରେ ବଶୀଭୂତ ନ ହୁଏ, ସେପର୍ଯ୍ୟନ୍ତ ତୁମ୍ଭମାନଙ୍କର ପ୍ରତ୍ୟେକ ସସଜ୍ଜ ଲୋକ ଯଦି ସଦାପ୍ରଭୁଙ୍କ ସମ୍ମୁଖରେ ଯର୍ଦ୍ଦନ ପାର ହୁଅ; ତେବେ ତହିଁ ଉତ୍ତାରେ ତୁମ୍ଭେମାନେ ଫେରି ଆସିଲେ, ସଦାପ୍ରଭୁଙ୍କ ନିକଟରେ ଓ ଇସ୍ରାଏଲ ନିକଟରେ ନିର୍ଦ୍ଦୋଷ ହେବ; ଆଉ ସେହି ଦେଶ ସଦାପ୍ରଭୁଙ୍କ ସମ୍ମୁଖରେ ତୁମ୍ଭମାନଙ୍କର ଅଧିକାର ହେବ ।
\s5
\v 23 ମାତ୍ର ତୁମ୍ଭେମାନେ ଯଦି ସେହିପରି ନ କର, ତେବେ ଦେଖ, ତୁମ୍ଭେମାନେ ସଦାପ୍ରଭୁଙ୍କ ନିକଟରେ ପାପୀ ହେବ; ପୁଣି, ତୁମ୍ଭମାନଙ୍କର ପାପ ଯେ ତୁମ୍ଭମାନଙ୍କୁ ଧରିବ, ଏହା ନିଶ୍ଚିତ ଜାଣ ।
\v 24 ତୁମ୍ଭେମାନେ ଆପଣା ଆପଣା ବାଳକମାନଙ୍କ ପାଇଁ ନଗର ଓ ମେଷମାନଙ୍କ ପାଇଁ ଶାଳା ନିର୍ମାଣ କର, ଆଉ ଆପଣାମାନଙ୍କ ମୁଖରୁ ନିର୍ଗତ ବାକ୍ୟ ପ୍ରମାଣେ କର୍ମ କର ।"
\v 25 ତେବେ ଗାଦ-ସନ୍ତାନଗଣ ଓ ରୁବେନ-ସନ୍ତାନଗଣ ମୋଶାଙ୍କୁ କହିଲେ, "ଆମ୍ଭମାନଙ୍କର ପ୍ରଭୁ ଯାହା ଆଜ୍ଞା କଲେ, ତଦନୁସାରେ ତୁମ୍ଭର ଦାସମାନେ କର୍ମ କରିବେ ।
\s5
\v 26 ଆମ୍ଭମାନଙ୍କର ବାଳକ, ସ୍ତ୍ରୀ, ପଲ ଓ ପଶୁସକଳ ଗିଲୀୟଦର ନଗରମାନଙ୍କରେ ରହିବେ ।
\v 27 ମାତ୍ର ଆମ୍ଭମାନଙ୍କ ପ୍ରଭୁଙ୍କ ବାକ୍ୟାନୁସାରେ ତୁମ୍ଭର ଦାସମାନେ ପ୍ରତ୍ୟେକେ ସସଜ୍ଜ ହୋଇ ଯୁଦ୍ଧ କରିବାକୁ ପାର ହୋଇଯିବେ ।"
\s5
\v 28 ତହୁଁ ମୋଶା ସେମାନଙ୍କ ବିଷୟରେ ଇଲୀୟାସର ଯାଜକକୁ, ନୂନର ପୁତ୍ର ଯିହୋଶୂୟଙ୍କୁ ଓ ଇସ୍ରାଏଲ ସନ୍ତାନଗଣର ବଂଶୀୟ ପିତୃଗୃହର ପ୍ରଧାନମାନଙ୍କୁ ଆଜ୍ଞା ଦେଲେ ।
\v 29 ପୁଣି, ମୋଶା ସେମାନଙ୍କୁ କହିଲେ, "ଗାଦ୍‍-ସନ୍ତାନଗଣର ଓ ରୁବେନ-ସନ୍ତାନଗଣର, ଯୁଦ୍ଧାର୍ଥେ ସସଜ୍ଜ ପ୍ରତ୍ୟେକ ଲୋକ ଯଦି ତୁମ୍ଭମାନଙ୍କ ସହିତ ସଦାପ୍ରଭୁଙ୍କ ସମ୍ମୁଖରେ ଯର୍ଦ୍ଦନ ପାର ହେବେ ଓ ତୁମ୍ଭମାନଙ୍କ ସମ୍ମୁଖରେ ଦେଶ ବଶୀଭୂତ ହେବ; ତେବେ ତୁମ୍ଭେମାନେ ଅଧିକାରାର୍ଥେ ସେମାନଙ୍କୁ ଗିଲୀୟଦ ଦେଶ ଦେବ ।
\v 30 ମାତ୍ର ଯଦି ସେମାନେ ସସଜ୍ଜ ହୋଇ ତୁମ୍ଭମାନଙ୍କ ସହିତ ପାର ନ ହେବେ, ତେବେ ସେମାନେ ତୁମ୍ଭମାନଙ୍କ ମଧ୍ୟରେ କିଣାନ ଦେଶରେ ଅଧିକାର ପାଇବେ ।"
\s5
\v 31 ତହିଁରେ ଗାଦ-ସନ୍ତାନଗଣ ଓ ରୁବେନ-ସନ୍ତାନଗଣ ଉତ୍ତର ଦେଇ କହିଲେ, "ସଦାପ୍ରଭୁ ଆପଣା ଦାସମାନଙ୍କୁ ଯାହା କହିଅଛନ୍ତି, ତଦନୁସାରେ ଆମ୍ଭେମାନେ କର୍ମ କରିବୁ ।
\v 32 ଆମ୍ଭେମାନେ ସସଜ୍ଜ ହୋଇ ସଦାପ୍ରଭୁଙ୍କ ସମ୍ମୁଖରେ ପାର ହୋଇ କିଣାନ ଦେଶକୁ ଯିବୁ ମାତ୍ର ଯର୍ଦ୍ଦନର ପୂର୍ବ ଆଡ଼େ ଆମ୍ଭମାନଙ୍କ ଅଧିକାରରେ ଆମ୍ଭମାନଙ୍କ ସ୍ୱତ୍ୱ ରହିବ ।"
\s5
\v 33 ଏଉତ୍ତାରେ ମୋଶା ସେମାନଙ୍କୁ, ଅର୍ଥାତ୍‍, ଗାଦ-ସନ୍ତାନଗଣକୁ, ରୁବେନ-ସନ୍ତାନଗଣକୁ ଓ ଯୋଷେଫର ପୁତ୍ର ମନଃଶି ବଂଶର ଅର୍ଦ୍ଧେକକୁ ଇମୋରୀୟମାନଙ୍କ ରାଜା ସୀହୋନର ରାଜ୍ୟ ଓ ବାଶନର ରାଜା ଓଗର ରାଜ୍ୟ, ଅର୍ଥାତ୍‍, ସ୍ୱ ସ୍ୱ ସୀମା ସହିତ ନାନା ନଗରବିଶିଷ୍ଟ ଦେଶ, ଏହିରୂପେ ଚତୁର୍ଦ୍ଦିଗସ୍ଥ ଦେଶର ସମସ୍ତ ନଗର ଦେଲେ ।
\s5
\v 34 ତହିଁରେ ଗାଦ-ସନ୍ତାନଗଣ ଦୀବୋନ୍‍, ଅଟାରୋତ୍‍ ଓ ଅରୋୟେର;
\v 35 ଅଟ୍‍ରୋତ୍‍-ଶୋଫନ, ଯାସେର, ଜଗ୍‍ବିହ,
\v 36 ବୈତ୍‍ନିମ୍ରା, ବୈଥାରନ୍‍ ନାମକ ପ୍ରାଚୀରବେଷ୍ଟିତ ନଗର ଓ ମେଷଶାଳା ନିର୍ମାଣ କଲେ ।
\s5
\v 37 ପୁଣି, ରୁବେନ-ସନ୍ତାନଗଣ ହିଷ୍‍ବୋନ୍‍, ଇଲୀୟାଲୀ ଓ କିରୀୟାଥୟିମ୍‍;
\v 38 ପୁଣି, ନାମାନ୍ତରରେ ନବୋ, ବାଲ୍‍ମିୟୋଲ ଓ ସିବ୍‍ମା, ଏହି ସମସ୍ତ ନଗର ନିର୍ମାଣ କଲେ; ପୁଣି, ସେମାନେ ଯେଉଁ ଯେଉଁ ନଗର ନିର୍ମାଣ କଲେ, ସେହି ସମସ୍ତଙ୍କୁ ଅନ୍ୟ ନାମ ଦେଲେ ।
\v 39 ପୁଣି, ମନଃଶିର ପୁତ୍ର ମାଖୀରର ସନ୍ତାନଗଣ ଗିଲୀୟଦକୁ ଯାଇ ତାହା ଆକ୍ରମଣ କଲେ ଓ ତନ୍ନିବାସୀ ଇମୋରୀୟମାନଙ୍କୁ ଅଧିକାର ଚ୍ୟୁତ କଲେ ।
\s5
\v 40 ତହୁଁ ମୋଶା ମନଃଶିର ପୁତ୍ର ମାଖୀରକୁ ଗିଲୀୟଦ ଦେଲେ; ଆଉ ସେ ସେଠାରେ ବାସ କଲା ।
\v 41 ପୁଣି, ମନଃଶିର ପୁତ୍ର ଯାୟୀର ଯାଇ ସେମାନଙ୍କ ଗ୍ରାମସବୁ ହସ୍ତଗତ କରି ସେମାନଙ୍କ ନାମ ହବୋତ୍‍-ଯାୟୀର (ଯାୟୀରର ଗ୍ରାମ) ରଖିଲା ।
\v 42 ଆଉ ନୋବହ ଯାଇ କାନାତ୍‍ ଓ ତାହାର ନଗର ହସ୍ତଗତ କରି ଆପଣା ନାମାନୁସାରେ ତାହାର ନାମ ନୋବହ ରଖିଲା ।
\s5
\c 33
\s ଇସ୍ରାଏଲର ଯାତ୍ରାର ବିବରଣ
\p
\v 1 ଇସ୍ରାଏଲ-ସନ୍ତାନଗଣ ମୋଶା ଓ ହାରୋଣଙ୍କର ହସ୍ତାଧୀନ ହୋଇ ଆପଣା ଆପଣା ସୈନ୍ୟଶ୍ରେଣୀ କ୍ରମେ ମିସର ଦେଶରୁ ବାହାରି ଆସିବା ସମୟରେ ଯେଉଁ ଯାତ୍ରା କରିଥିଲେ, ତହିଁର ବିବରଣ ଏହି ।
\v 2 ମୋଶା ସଦାପ୍ରଭୁଙ୍କ ଆଜ୍ଞାରେ ସେମାନଙ୍କ ଯାତ୍ରାନୁସାରେ ସେମାନଙ୍କ ଗମନର ବିବରଣ ଲେଖିଲେ; ସେମାନଙ୍କ ଗମନାନୁସାରେ ସେମାନଙ୍କ ଯାତ୍ରାର ବିବରଣ ଏହି ।
\s5
\v 3 ପ୍ରଥମ ମାସର ପଞ୍ଚଦଶ ଦିନରେ ସେମାନେ ରାମିଷେଷ୍‍ଠାରୁ ଯାତ୍ରା କଲେ;
\v 4 ନିସ୍ତାର ପର୍ବର ପରଦିନ ପ୍ରାତଃକାଳରେ ମିସ୍ରୀୟମାନେ ସଦାପ୍ରଭୁଙ୍କ ଦ୍ୱାରା ସଂହାରିତ ପ୍ରଥମଜାତ ସମସ୍ତଙ୍କୁ କବର ଦେଉଥିବା ସମୟରେ ଇସ୍ରାଏଲ-ସନ୍ତାନଗଣ ମିସ୍ରୀୟ ସମସ୍ତ ଲୋକଙ୍କ ସାକ୍ଷାତରେ ଉର୍ଦ୍ଧ୍ୱ ହସ୍ତରେ ବାହାରିଲେ; ସଦାପ୍ରଭୁ ସେମାନଙ୍କ ଦେବଗଣକୁ ମଧ୍ୟ ଦଣ୍ଡ ଦେଇଥିଲେ ।
\s5
\v 5 ଇସ୍ରାଏଲ-ସନ୍ତାନଗଣ ରାମିଷେଷ୍‍ଠାରୁ ଯାତ୍ରା କରି ସୁକ୍‍କୋତରେ ଛାଉଣି ସ୍ଥାପନ କଲେ ।
\v 6 ପୁଣି, ସେମାନେ ସୁକ୍‍କୋତରୁ ଯାତ୍ରା କରି ପ୍ରାନ୍ତରର ସୀମାସ୍ଥିତ ଏଥମରେ ଛାଉଣି ସ୍ଥାପନ କଲେ ।
\v 7 ତହୁଁ ସେମାନେ ଏଥମରୁ ଯାତ୍ରା କରି ବାଲସଫୋନର ସମ୍ମୁଖସ୍ଥିତ ପୀହହୀରୋତକୁ ଫେରି ଆସିଲେ ଓ ମିଗ୍‍ଦୋଲର ପୂର୍ବ ଦିଗରେ ଛାଉଣି ସ୍ଥାପନ କଲେ ।
\s5
\v 8 ଏଉତ୍ତାରେ ସେମାନେ ପୀହହୀରୋତର ସମ୍ମୁଖରୁ ଯାତ୍ରା କରି ସମୁଦ୍ର ମଧ୍ୟଦେଇ ପ୍ରାନ୍ତରରେ ପ୍ରବେଶ କଲେ ଓ ଏଥମ ପ୍ରାନ୍ତରରେ ତିନି ଦିନର ପଥ ଯାଇ ମାରାରେ ଛାଉଣି ସ୍ଥାପନ କଲେ ।
\v 9 ପୁଣି, ମାରାରୁ ଯାତ୍ରା କରି ଏଲୀମରେ ଉପସ୍ଥିତ ହେଲେ; ସେହି ଏଲୀମରେ ଜଳର ବାର ନିର୍ଝର ଓ ସତୁରି ଖର୍ଜ୍ଜୁର ବୃକ୍ଷ ଥିଲା; ଏଣୁ ସେମାନେ ସେହି ସ୍ଥାନରେ ଛାଉଣି ସ୍ଥାପନ କଲେ ।
\v 10 ତହୁଁ ସେମାନେ ଏଲୀମରୁ ଯାତ୍ରା କରି ସୂଫ ସମୁଦ୍ର ନିକଟରେ ଛାଉଣି ସ୍ଥାପନ କଲେ ।
\s5
\v 11 ପୁଣି, ସେମାନେ ସୂଫ ସମୁଦ୍ର ନିକଟରୁ ଯାତ୍ରା କରି ସୀନ୍‍ ପ୍ରାନ୍ତରରେ ଛାଉଣି ସ୍ଥାପନ କଲେ ।
\v 12 ପୁଣି, ସେମାନେ ସୀନ୍‍ ପ୍ରାନ୍ତରରୁ ଯାତ୍ରା କରି ଦପ୍‍କାରେ ଛାଉଣି ସ୍ଥାପନ କଲେ ।
\v 13 ସେମାନେ ଦପ୍‍କାରୁ ଯାତ୍ରା କରି ଆଲୁଶରେ ଛାଉଣି ସ୍ଥାପନ କଲେ ।
\v 14 ପୁଣି, ସେମାନେ ଆଲୁଶରୁ ଯାତ୍ରା କରି ରଫୀଦୀମରେ ଛାଉଣି ସ୍ଥାପନ କଲେ; ସେହି ସ୍ଥାନରେ ଲୋକମାନଙ୍କର ପିଇବା ନିମନ୍ତେ ଜଳ ନ ଥିଲା ।
\s5
\v 15 ଏଉତ୍ତାରେ ସେମାନେ ରଫୀଦୀମରୁ ଯାତ୍ରା କରି ସୀନୟ ପ୍ରାନ୍ତରରେ ଛାଉଣି ସ୍ଥାପନ କଲେ
\v 16 ଓ ସେମାନେ ସୀନୟ ପ୍ରାନ୍ତରରୁ ଯାତ୍ରା କରି କିବ୍ରୋତ୍‍-ହତ୍ତାବାରେ ଛାଉଣି ସ୍ଥାପନ କଲେ ।
\v 17 ପୁଣି, ସେମାନେ କିବ୍ରୋତ୍‍ ହତ୍ତାବାରୁ ଯାତ୍ରା କରି ହତ୍‍ସେରୋତରେ ଛାଉଣି ସ୍ଥାପନ କଲେ ।
\v 18 ପୁଣି, ସେମାନେ ହତ୍‍ସେରୋତରୁ ଯାତ୍ରା କରି ରିତ୍‍ମାରେ ଛାଉଣି ସ୍ଥାପନ କଲେ
\s5
\v 19 ଓ ସେମାନେ ରିତ୍‍ମାରୁ ଯାତ୍ରା କରି ରିମ୍ମୋନ- ପେରସରେ ଛାଉଣି ସ୍ଥାପନ କଲେ ।
\v 20 ପୁଣି, ସେମାନେ ରିମ୍ମୋନ-ପେରସରୁ ଯାତ୍ରା କରି ଲିବ୍‍ନାରେ ଛାଉଣି ସ୍ଥାପନ କଲେ ।
\v 21 ପୁଣି, ସେମାନେ ଲିବ୍‍ନାରୁ ଯାତ୍ରା କରି ରିସ୍‍ସାରେ ଛାଉଣି ସ୍ଥାପନ କଲେ ।
\v 22 ପୁଣି, ସେମାନେ ରିସ୍‍ସାରୁ ଯାତ୍ରା କରି କହେଲାତରେ ଛାଉଣି ସ୍ଥାପନ କଲେ,
\s5
\v 23 ଓ ସେମାନେ କହେଲାତରୁ ଯାତ୍ରା କରି ଶେଫର ପର୍ବତରେ ଛାଉଣି ସ୍ଥାପନ କଲେ
\v 24 ତହୁଁ ସେମାନେ ଶେଫର ପର୍ବତରୁ ଯାତ୍ରା କରି ହରାଦାରେ ଛାଉଣି ସ୍ଥାପନ କଲେ,
\v 25 ଓ ସେମାନେ ହରାଦାରୁ ଯାତ୍ରା କରି ମଖେଲୋତରେ ଛାଉଣି ସ୍ଥାପନ କଲେ,
\v 26 ଓ ସେମାନେ ମଖେଲୋତରୁ ଯାତ୍ରା କରି ତହତରେ ଛାଉଣି ସ୍ଥାପନ କଲେ ।
\s5
\v 27 ସେମାନେ ତହତରୁ ଯାତ୍ରା କରି ତେରହରେ ଛାଉଣି ସ୍ଥାପନ କଲେ,
\v 28 ଓ ସେମାନେ ତେରହରୁ ଯାତ୍ରା କରି ମିତ୍‍କାରେ ଛାଉଣି ସ୍ଥାପନ କଲେ
\v 29 ଓ ସେମାନେ ମିତ୍‍କାରୁ ଯାତ୍ରା କରି ହଶ୍‍ମୋନାରେ ଛାଉଣି ସ୍ଥାପନ କଲେ,
\v 30 ଓ ସେମାନେ ହଶ୍‍ମୋନାରୁ ଯାତ୍ରା କରି ମୋଷେରୋତରେ ଛାଉଣି ସ୍ଥାପନ କଲେ ।
\s5
\v 31 ପୁଣି, ସେମାନେ ମୋଷେରୋତରୁ ଯାତ୍ରା କରି ବନେୟାକନରେ ଛାଉଣି ସ୍ଥାପନ କଲେ,
\v 32 ଓ ସେମାନେ ବନେୟାକନରୁ ଯାତ୍ରା କରି ହୋର୍ହଗିଦ୍‍ଗଦରେ ଛାଉଣି ସ୍ଥାପନ କଲେ
\v 33 ଓ ସେମାନେ ହୋର୍ହଗିଦ୍‍ଗଦରୁ ଯାତ୍ରା କରି ଯଟ୍‍ବାଥାରେ ଛାଉଣି ସ୍ଥାପନ କଲେ,
\v 34 ଓ ସେମାନେ ଯଟ୍‍ବାଥାରୁ ଯାତ୍ରା କରି ଆବ୍ରୋଣାରେ ଛାଉଣି ସ୍ଥାପନ କଲେ ।
\s5
\v 35 ପୁଣି, ସେମାନେ ଆବ୍ରୋଣାରୁ ଯାତ୍ରା କରି ଇତ୍‍ସିୟୋନ-ଗେବରରେ ଛାଉଣି ସ୍ଥାପନ କଲେ ।
\v 36 ପୁଣି, ସେମାନେ ଇତ୍‍ସିୟୋନ-ଗେବରରୁ ଯାତ୍ରା କରି ସିନ୍‍ ପ୍ରାନ୍ତରରେ ଛାଉଣି ସ୍ଥାପନ କଲେ (ଏହାକୁ କାଦେଶ କହନ୍ତି),
\v 37 ଓ ସେମାନେ କାଦେଶରୁ ଯାତ୍ରା କରି ଇଦୋମ ଦେଶର ପ୍ରାନ୍ତର ସ୍ଥିତ ହୋର ପର୍ବତରେ ଛାଉଣି ସ୍ଥାପନ କଲେ ।
\s5
\v 38 ଏଥିଉତ୍ତାରେ ହାରୋଣ ଯାଜକ ସଦାପ୍ରଭୁଙ୍କ ଆଜ୍ଞାରେ ହୋର ପର୍ବତରେ ଆରୋହଣ କଲେ, ପୁଣି, ଇସ୍ରାଏଲ ସନ୍ତାନଗଣ ମିସରରୁ ବାହାର ହୋଇ ଆସିବାର ଚାଳିଶତମ ବର୍ଷର ପଞ୍ଚମ ମାସର ପ୍ରଥମ ଦିନରେ ସେହି ସ୍ଥାନରେ ମଲେ ।
\v 39 ଆଉ ହୋର ପର୍ବତରେ ମରିବା ସମୟରେ ହାରୋଣଙ୍କର ବୟସ ଏକ ଶହ ତେଇଶ ବର୍ଷ ଥିଲା ।
\s5
\v 40 ଏଥିଉତ୍ତାରେ କିଣାନର ଦକ୍ଷିଣ-ପ୍ରଦେଶ ନିବାସୀ କିଣାନୀୟ ଅରାଦର ରାଜା ଇସ୍ରାଏଲ-ସନ୍ତାନଗଣର ଆଗମନ ସମ୍ବାଦ ଶୁଣିଲେ ।
\s5
\v 41 ଆଉ ସେମାନେ ହୋର ପର୍ବତରୁ ଯାତ୍ରା କରି ସଲ୍‍ମୋନାରେ ଛାଉଣି ସ୍ଥାପନ କଲେ,
\v 42 ଓ ସେମାନେ ସଲ୍‍ମୋନାରୁ ଯାତ୍ରା କରି ପୂନୋନରେ ଛାଉଣି ସ୍ଥାପନ କଲେ,
\v 43 ଓ ସେମାନେ ପୂନୋନରୁ ଯାତ୍ରା କରି ଓବୋତରେ ଛାଉଣି ସ୍ଥାପନ କଲେ ।
\s5
\v 44 ତହୁଁ ସେମାନେ ଓବୋତରୁ ଯାତ୍ରା କରି ମୋୟାବ ପ୍ରାନ୍ତସ୍ଥିତ ଇୟୀ-ଅବାରୀମରେ ଛାଉଣି ସ୍ଥାପନ କଲେ,
\v 45 ଓ ସେମାନେ ଇୟୀ-ଅବାରୀମରୁ ଯାତ୍ରା କରି ଦୀବୋନ୍‍-ଗାଦରେ ଛାଉଣି ସ୍ଥାପନ କଲେ,
\v 46 ଓ ସେମାନେ ଦୀବୋନ୍‍-ଗାଦରୁ ଯାତ୍ରା କରି ଅଲମୋନ-ଦିବ୍‍ଲାଥୟିମରେ ଛାଉଣି ସ୍ଥାପନ କଲେ ।
\s5
\v 47 ତହୁଁ ସେମାନେ ଅଲମୋନ-ଦିବ୍‍ଲାଥୟିମରୁ ଯାତ୍ରା କରି ନବୋ-ସମ୍ମୁଖସ୍ଥିତ ଅବାରୀମ୍ ପର୍ବତରେ ଛାଉଣି ସ୍ଥାପନ କଲେ ।
\v 48 ପୁଣି, ସେମାନେ ଅବାରୀମ୍ ପର୍ବତରୁ ଯାତ୍ରା କରି ଯିରୀହୋ-ସମ୍ମୁଖସ୍ଥିତ ଯର୍ଦ୍ଦନ ନିକଟବର୍ତ୍ତୀ ମୋୟାବ ପଦାରେ ଛାଉଣି ସ୍ଥାପନ କଲେ ।
\v 49 ଆଉ ସେଠାରେ ଯର୍ଦ୍ଦନ ନିକଟସ୍ଥ ବୈତ୍‍ଯିଶୀମୋତଠାରୁ ଆବେଲ୍ ଶିଟୀମ ପର୍ଯ୍ୟନ୍ତ ମୋୟାବ-ପଦାରେ ଛାଉଣି ସ୍ଥାପନ କରି ରହିଲେ ।
\s5
\v 50 ଏଥିଉତ୍ତାରେ ଯିରୀହୋସ୍ଥିତ ଯର୍ଦ୍ଦନ ନିକଟବର୍ତ୍ତୀ ମୋୟାବ-ପଦାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
\v 51 "ଇସ୍ରାଏଲ-ସନ୍ତାନଗଣଙ୍କୁ କୁହ, ତୁମ୍ଭେମାନେ ଯର୍ଦ୍ଦନ ପାର ହୋଇ କିଣାନ ଦେଶରେ ଉପସ୍ଥିତ ହେଲେ,
\v 52 ତୁମ୍ଭେମାନେ ଆପଣାମାନଙ୍କ ସମ୍ମୁଖରୁ ସେହି ଦେଶନିବାସୀ ସମସ୍ତଙ୍କୁ ତଡ଼ି ବାହାର କରି ଦେବ ଓ ସେମାନଙ୍କର ସମସ୍ତ ମୂର୍ତ୍ତିବିଶିଷ୍ଟ ପାଷାଣ ଭାଙ୍ଗି ପକାଇବ ଓ ସେମାନଙ୍କର ଛାଞ୍ଚ-ଢଳା ପ୍ରତିମାସବୁ ବିନଷ୍ଟ କରିବ ଓ ସେମାନଙ୍କର ଉଚ୍ଚସ୍ଥଳୀସବୁ ଉଚ୍ଛିନ୍ନ କରିବ ।
\s5
\v 53 ପୁଣି, ତୁମ୍ଭେମାନେ ସେହି ଦେଶ ଅଧିକାର କରି ତହିଁ ମଧ୍ୟରେ ବାସ କରିବ; କାରଣ ଆମ୍ଭେ ତୁମ୍ଭମାନଙ୍କୁ ଅଧିକାରାର୍ଥେ ସେହି ଦେଶ ଦେଇଅଛୁ ।
\v 54 ଆଉ ତୁମ୍ଭେମାନେ ଗୁଲିବାଣ୍ଟ ଦ୍ୱାରା ଆପଣା ଆପଣା ବଂଶାନୁସାରେ ଦେଶାଧିକାର ବିଭାଗ କରି ନେବ; ତୁମ୍ଭେମାନେ ଅଧିକ ଲୋକଙ୍କୁ ଅଧିକ ବାଣ୍ଟ ଓ ଅଳ୍ପ ଲୋକଙ୍କୁ ଅଳ୍ପ ବାଣ୍ଟ ଦେବ; ଯାହାର ବାଣ୍ଟ ଯେଉଁ ସ୍ଥାନରେ ପଡ଼ିବ, ତାହାର ବାଣ୍ଟ ସେହି ସ୍ଥାନରେ ହେବ; ଏହିରୂପେ ତୁମ୍ଭେମାନେ ଆପଣା ଆପଣା ପିତୃବଂଶାନୁସାରେ ଅଧିକାର କରିବ ।
\s5
\v 55 ମାତ୍ର ଯଦି ତୁମ୍ଭେମାନେ ଆପଣାମାନଙ୍କ ସମ୍ମୁଖରୁ ସେହି ଦେଶ ନିବାସୀମାନଙ୍କୁ ତଡ଼ି ବାହାର କରି ନ ଦେବ, ତେବେ ତୁମ୍ଭେମାନେ ସେମାନଙ୍କ ମଧ୍ୟରୁ ଯେଉଁମାନଙ୍କୁ ଅବଶିଷ୍ଟ ରଖିବ, ସେମାନେ ତୁମ୍ଭମାନଙ୍କ ଚକ୍ଷୁରେ କଣ୍ଟା ସ୍ୱରୂପ ଓ ତୁମ୍ଭମାନଙ୍କ ପାର୍ଶ୍ବରେ କଣ୍ଟକ ସ୍ୱରୂପ ହେବେ, ଆଉ ସେମାନେ ତୁମ୍ଭମାନଙ୍କ ସେହି ନିବାସ ଦେଶରେ ତୁମ୍ଭମାନଙ୍କୁ କ୍ଳେଶ ଦେବେ ।
\v 56 ପୁଣି, ଆମ୍ଭେ ସେମାନଙ୍କ ପ୍ରତି ଯାହା କରିବାକୁ ମନସ୍ଥ କରିଥିଲୁ, ତାହା ତୁମ୍ଭମାନଙ୍କ ପ୍ରତି କରିବା ।"
\s5
\c 34
\s ଦେଶର ସୀମା
\p
\v 1 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
\v 2 "ଇସ୍ରାଏଲ-ସନ୍ତାନଗଣଙ୍କୁ ଆଜ୍ଞା ଦିଅ ଓ ସେମାନଙ୍କୁ କୁହ, ଯେଉଁ କିଣାନ ଦେଶ, ତହିଁର ଚତୁଃସୀମାନୁସାରେ ତୁମ୍ଭମାନଙ୍କ ଅଧିକାରରେ ପଡ଼ିବ, ତୁମ୍ଭେମାନେ ସେହି କିଣାନ ଦେଶରେ ଉପସ୍ଥିତ ହେଲେ,
\v 3 ତୁମ୍ଭମାନଙ୍କ ଦକ୍ଷିଣ ଅଞ୍ଚଳ ଇଦୋମ ନିକଟସ୍ଥିତ ସିନ୍‍ ପ୍ରାନ୍ତରଠାରୁ ହେବ ଓ ପୂର୍ବ ଦିଗରେ ଲବଣ ସମୁଦ୍ରର ପ୍ରାନ୍ତଠାରୁ ତୁମ୍ଭମାନଙ୍କର ଦକ୍ଷିଣ ସୀମା ହେବ ।
\s5
\v 4 ପୁଣି, ତୁମ୍ଭମାନଙ୍କର ସୀମା ଦକ୍ଷିଣ ଦିଗରୁ ଫେରି ଅକ୍ରବ୍ବୀମ ଘାଟ ଦେଇ ସିନ୍‍ ପର୍ଯ୍ୟନ୍ତ ଯିବ ଓ ସେଠାରୁ କାଦେଶ-ବର୍ଣ୍ଣେୟର ଦକ୍ଷିଣ ଦେଇ ହତ୍‍ସର-ଅଦରକୁ ଆସି ଅସ୍‍ମୋନ ପର୍ଯ୍ୟନ୍ତ ଯିବ ।
\v 5 ଏଉତ୍ତାରେ ସେହି ସୀମା ଅସ୍ମୋନରୁ ମିସରର ନଦୀ ପର୍ଯ୍ୟନ୍ତ ବୁଲି ଆସିବ ଓ ସେହି ସୀମା ମହାସମୁଦ୍ର ନିକଟରେ ଶେଷ ହେବ ।
\s5
\v 6 ଆଉ ମହାସମୁଦ୍ର ଓ ତହିଁର ସୀମା ପଶ୍ଚିମ ସୀମା ହେବ; ଏହା ତୁମ୍ଭମାନଙ୍କର ପଶ୍ଚିମ ସୀମା ହେବ ।
\s5
\v 7 ଆଉ ତୁମ୍ଭମାନଙ୍କର ଉତ୍ତର ସୀମା ଏହି ତୁମ୍ଭେମାନେ ଆପଣାମାନଙ୍କ ନିମନ୍ତେ ମହାସମୁଦ୍ରଠାରୁ ହୋର ପର୍ବତ ପର୍ଯ୍ୟନ୍ତ ଚିହ୍ନିତ କରିବ;
\v 8 ହୋର ପର୍ବତଠାରୁ ତୁମ୍ଭେମାନେ ହମାତର ପ୍ରବେଶ ସ୍ଥାନ ପର୍ଯ୍ୟନ୍ତ ଚିହ୍ନିତ କରିବ; ପୁଣି, ସେଠାରୁ ସେହି ସୀମା ସଦାଦ୍‍ ନିକଟରେ ଶେଷ ହେବ ।
\v 9 ପୁଣି, ସେହି ସୀମା ସିଫ୍ରୋଣ ପର୍ଯ୍ୟନ୍ତ ଯିବ ଓ ହତ୍‍ସର-ଐନନରେ ତହିଁର ଶେଷ ହେବ; ଏହା ତୁମ୍ଭମାନଙ୍କର ଉତ୍ତର ସୀମା ହେବ ।
\s5
\v 10 ଆଉ ତୁମ୍ଭେମାନେ ଆପଣାମାନଙ୍କ ପୂର୍ବ ସୀମା ହତ୍‍ସର-ଐନନଠାରୁ ଶଫାମ୍‍ ପର୍ଯ୍ୟନ୍ତ ଚିହ୍ନିତ କରିବ ।
\v 11 ତହୁଁ ସେହି ସୀମା ଶଫାମ୍‍ଠାରୁ ଐନନର ପୂର୍ବ ଦିଗ ହୋଇ ରିବ୍‍ଲା ପର୍ଯ୍ୟନ୍ତ ତଳକୁ ଯିବ; ତହିଁ ଉତ୍ତାରେ ସେହି ସୀମା ଆହୁରି ତଳକୁ ଯାଇ କିନ୍ନେରତ୍‍ ହ୍ରଦର ପୂର୍ବ ପାର୍ଶ୍ୱ ଦେଇ ଯିବ ।
\v 12 ପୁଣି, ସେହି ସୀମା ଯର୍ଦ୍ଦନ ଦେଇ ଯିବ ଓ ଲବଣ ସମୁଦ୍ର ନିକଟରେ ତହିଁର ଶେଷ ହେବ; ଏହି ଚତୁଃସୀମାନୁସାରେ ତୁମ୍ଭମାନଙ୍କର ଦେଶ ହେବ ।"
\s5
\v 13 ପୁନଶ୍ଚ, ମୋଶା ଇସ୍ରାଏଲ-ସନ୍ତାନଗଣଙ୍କୁ ଆଜ୍ଞା ଦେଇ କହିଲେ, "ସଦାପ୍ରଭୁ ନଅ ବଂଶ ଓ ଅର୍ଦ୍ଧ ବଂଶକୁ ଯେଉଁ ଦେଶ ଦେବା ପାଇଁ ଆଜ୍ଞା ଦେଇଅଛନ୍ତି ଓ ତୁମ୍ଭେମାନେ ଯାହା ଗୁଲିବାଣ୍ଟ ଦ୍ୱାରା ଅଧିକାର କରିବ, ସେହି ଦେଶ ଏହି ।
\v 14 କାରଣ ରୁବେନ-ସନ୍ତାନଗଣଙ୍କର ବଂଶ ଆପଣା ଆପଣା ପିତୃଗୃହ ଅନୁସାରେ ଓ ଗାଦ-ସନ୍ତାନଗଣଙ୍କର ବଂଶ ଆପଣା ଆପଣା ପିତୃଗୃହ ଅନୁସାରେ ଓ ମନଃଶିର ଅର୍ଦ୍ଧ ବଂଶ ଆପଣା ଆପଣା ଅଧିକାର ପାଇଅଛନ୍ତି;
\v 15 ଏହି ଦୁଇ ବଂଶ ଓ ଅର୍ଦ୍ଧ ବଂଶ ଯିରୀହୋ ନିକଟସ୍ଥ ଯର୍ଦ୍ଦନର ପୂର୍ବ ପାରିରେ ସୂର୍ଯ୍ୟୋଦୟ ଦିଗରେ ଆପଣା ଆପଣା ଅଧିକାର ପାଇଅଛନ୍ତି ।"
\s ଦେଶ ବିତରଣ ଦାୟିତ୍ୱରେ ଥିବା ନେତୃବୃନ୍ଦ
\p
\s5
\v 16 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
\v 17 "ଯେଉଁମାନେ ଦେଶ ବିଭାଗ କରି ତୁମ୍ଭମାନଙ୍କୁ ଦେବେ, ସେମାନଙ୍କର ନାମ ଏହି; ଇଲୀୟାସର ଯାଜକ ଓ ନୂନର ପୁତ୍ର ଯିହୋଶୂୟ ।
\v 18 ପୁଣି, ତୁମ୍ଭେମାନେ ଦେଶ ବିଭାଗ କରିବା ନିମନ୍ତେ ପ୍ରତ୍ୟେକ ବଂଶରୁ ଏକ ଏକ ଅଧିପତି ଗ୍ରହଣ କରିବ ।
\s5
\v 19 ପୁଣି, ସେହି ଲୋକମାନଙ୍କର ନାମ ଏହି; ଯିହୂଦା ବଂଶୀୟ ଯିଫୁନ୍ନିର ପୁତ୍ର କାଲେବ,
\v 20 ଓ ଶିମୀୟୋନର ସନ୍ତାନମାନଙ୍କ ବଂଶୀୟ ଅମ୍ମୀହୂଦର ପୁତ୍ର ଶମୂୟେଲ ।
\s5
\v 21 ବିନ୍ୟାମୀନ ବଂଶୀୟ କିଶଲୋନର ପୁତ୍ର ଇଲୀଦଦ୍‍ ।
\v 22 ଆଉ ଦାନ-ସନ୍ତାନଗଣର ବଂଶୀୟ ଜଣେ ଅଧିପତି, ଯଗ୍‍ଲିର ପୁତ୍ର ବୁକ୍‍କି ।
\v 23 ଯୋଷେଫ-ସନ୍ତାନଗଣ ମଧ୍ୟରୁ; ମନଃଶି ସନ୍ତାନଗଣଙ୍କର ବଂଶୀୟ ଜଣେ ଅଧିପତି, ଏଫୋଦର ପୁତ୍ର ହନ୍ନୀୟେଲ ।
\s5
\v 24 ପୁଣି, ଇଫ୍ରୟିମ-ସନ୍ତାନଗଣଙ୍କର ବଂଶୀୟ ଜଣେ ଅଧିପତି, ଶିପ୍ତନର ପୁତ୍ର କମୂୟେଲ ।
\v 25 ଆଉ ସବୂଲୂନ-ସନ୍ତାନଗଣଙ୍କର ବଂଶୀୟ ଜଣେ ଅଧିପତି, ପର୍ଣ୍ଣକର ପୁତ୍ର ଇଲୀଷାଫନ୍‍,
\v 26 ଓ ଇଷାଖର-ସନ୍ତାନଗଣଙ୍କର ବଂଶୀୟ ଜଣେ ଅଧିପତି, ଅସ୍‍ସନର ପୁତ୍ର ପଲ୍‍ଟିୟେଲ,
\s5
\v 27 ଓ ଆଶେର-ସନ୍ତାନଗଣଙ୍କର ବଂଶୀୟ ଜଣେ ଅଧିପତି, ଶଲୋମିର ପୁତ୍ର ଅହୀହୂଦ୍‍ ।
\v 28 ନପ୍ତାଲି-ସନ୍ତାନଗଣଙ୍କର ବଂଶୀୟ ଜଣେ ଅଧିପତି, ଅମ୍ମୀହୂଦର ପୁତ୍ର ପଦହେଲ୍ ।
\v 29 କିଣାନ ଦେଶରେ ଇସ୍ରାଏଲ-ସନ୍ତାନଗଣଙ୍କ ନିମନ୍ତେ ଅଧିକାର ବିଭାଗ କରି ଦେବାକୁ ସଦାପ୍ରଭୁ ଏହି ସମସ୍ତ ଲୋକଙ୍କୁ ଆଜ୍ଞା ଦେଲେ ।
\s5
\c 35
\s ଲେବୀୟମାନଙ୍କୁ ପ୍ରଦତ୍ତ ନଗର
\p
\v 1 ଏଥିଉତ୍ତାରେ ସଦାପ୍ରଭୁ ମୋୟାବ-ପଦାରେ ଯିରୀହୋ ନିକଟସ୍ଥ ଯର୍ଦ୍ଦନ ନଦୀ ସମୀପରେ ମୋଶାଙ୍କୁ କହିଲେ,
\v 2 "ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ ଏହି ଆଜ୍ଞା ଦିଅ; ସେମାନେ ଆପଣା ଆପଣା ଅଧିକୃତ ବାଣ୍ଟରୁ କେତେକ ବସତି ନଗର ଲେବୀୟମାନଙ୍କୁ ଦିଅନ୍ତୁ, ଆଉ ତୁମ୍ଭେମାନେ ଲେବୀୟମାନଙ୍କୁ ସେହି ନଗରମାନର ତଳିଭୂମି ନିମନ୍ତେ ସେସବୁର ଚତୁର୍ଦ୍ଦିଗସ୍ଥ ଭୂମି ଦେବ ।
\s5
\v 3 ତହିଁରେ ସେହିସବୁ ନଗରରେ ସେମାନଙ୍କର ନିବାସ ହେବ; ପୁଣି, ତହିଁର ତଳିଭୂମିସବୁ ସେମାନଙ୍କ ପଶୁ, ସମ୍ପତ୍ତି ଓ ଜୀବମାନଙ୍କ ନିମନ୍ତେ ହେବ ।
\v 4 ଆଉ ତୁମ୍ଭେମାନେ ଲେବୀୟମାନଙ୍କୁ ଯେଉଁ ଯେଉଁ ନଗର ଦେବ, ସେହିସବୁର ତଳିଭୂମି ନଗର-ପ୍ରାଚୀରଠାରୁ ବାହାରେ ଚତୁର୍ଦ୍ଦିଗରେ ଏକ ସହସ୍ର ହସ୍ତ ହେବ ।
\s5
\v 5 ପୁଣି, ତୁମ୍ଭେମାନେ ନଗରର ବାହାରେ ତହିଁର ପୂର୍ବ ସୀମା ଦୁଇ ସହସ୍ର ହସ୍ତ, ଦକ୍ଷିଣ ସୀମା ଦୁଇ ସହସ୍ର ହସ୍ତ, ପଶ୍ଚିମ ସୀମା ଦୁଇ ସହସ୍ର ହସ୍ତ ଓ ଉତ୍ତର ସୀମା ଦୁଇ ସହସ୍ର ହସ୍ତ ପରିମିତ କରିବ; ନଗର ତହିଁର ମଧ୍ୟସ୍ଥଳରେ ରହିବ । ଏହା ସେମାନଙ୍କ ନଗରର ତଳିଭୂମି ହେବ ।
\s5
\v 6 ଆଉ ତୁମ୍ଭେମାନେ ଲେବୀୟମାନଙ୍କୁ ଯେଉଁ ଯେଉଁ ନଗର ଦେବ, ତହିଁରୁ ଛଅଗୋଟି ଆଶ୍ରୟ ନଗର ହେବ, ନରହତ୍ୟାକାରୀ ସେଠାକୁ ପଳାଇବା ନିମନ୍ତେ ତୁମ୍ଭେମାନେ ତାହା ଦେବ; ଆଉ ତାହା ବ୍ୟତୀତ ଆହୁରି ବୟାଳିଶ ନଗର ଦେବ ।
\v 7 ସର୍ବସୁଦ୍ଧା ତୁମ୍ଭେମାନେ ଲେବୀୟମାନଙ୍କୁ ଅଠଚାଳିଶ ନଗର ଦେବ; ତୁମ୍ଭେମାନେ ସେମାନଙ୍କୁ ନଗର ସଙ୍ଗେ ତହିଁର ତଳିଭୂମି ଦେବ ।
\s5
\v 8 ପୁଣି, ଇସ୍ରାଏଲ-ସନ୍ତାନଗଣଙ୍କର ଅଧିକାରରୁ ସେହିସବୁ ନଗର ଦେବା ନିମନ୍ତେ ତୁମ୍ଭେମାନେ ଅଧିକ ଲୋକଙ୍କଠାରୁ ଅଧିକ ନେବ ଓ ଅଳ୍ପ ଲୋକଙ୍କଠାରୁ ଅଳ୍ପ ନେବ; ପ୍ରତ୍ୟେକ ବଂଶ ଆପଣାର ଅଧିକୃତ ଅଧିକାରାନୁସାରେ ଆପଣା ନଗରମାନଙ୍କରୁ ଲେବୀୟମାନଙ୍କୁ ଦେବେ ।"
\s ଆଶ୍ରୟ ନଗର
\p
\s5
\v 9 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
\v 10 "ଇସ୍ରାଏଲ-ସନ୍ତାନଗଣଙ୍କୁ କୁହ, ତୁମ୍ଭେମାନେ ଯର୍ଦ୍ଦନ ପାର ହୋଇ କିଣାନ ଦେଶରେ ଉପସ୍ଥିତ ହେଲେ,
\v 11 ଆପଣାମାନଙ୍କର ଆଶ୍ରୟ ନଗର ହେବା ନିମନ୍ତେ କେତେଗୁଡ଼ିଏ ନଗର ନିରୂପଣ କରିବ, ତହିଁରେ ଯେଉଁ ଜନ ଭ୍ରାନ୍ତିରେ କୌଣସି ମନୁଷ୍ୟକୁ ବଧ କରେ, ଏପରି ନରହତ୍ୟାକାରୀ ସେଠାକୁ ପଳାଇ ଯାଇ ପାରିବ ।
\s5
\v 12 ପୁଣି, ନରହତ୍ୟାକାରୀ ବିଚାରାର୍ଥେ ମଣ୍ଡଳୀ ସମ୍ମୁଖରେ ଉପସ୍ଥିତ ହେବା ପର୍ଯ୍ୟନ୍ତ ଯେପରି ନ ମରେ, ଏଥିପାଇଁ ସେହି ନଗରମାନ ପ୍ରତିହନ୍ତାଠାରୁ ତୁମ୍ଭମାନଙ୍କ ପ୍ରତି ଆଶ୍ରୟ ସ୍ଥାନ ହେବ;
\v 13 ଏହିରୂପେ ତୁମ୍ଭେମାନେ ଯେଉଁ ଯେଉଁ ନଗର ଦେବ, ତାହା ତୁମ୍ଭମାନଙ୍କ ନିମନ୍ତେ ଛଅ ଆଶ୍ରୟ ନଗର ହେବ ।
\s5
\v 14 ତୁମ୍ଭେମାନେ ଯର୍ଦ୍ଦନର ପୂର୍ବପାରିରେ ତିନି ନଗର ଦେବ ଓ କିଣାନ ଦେଶ ମଧ୍ୟରେ ତିନି ନଗର ଦେବ; ତାହାସବୁ ଆଶ୍ରୟ ନଗର ହେବ ।
\v 15 ଇସ୍ରାଏଲ-ସନ୍ତାନମାନଙ୍କ ନିମନ୍ତେ ଓ ସେମାନଙ୍କ ମଧ୍ୟରେ ବିଦେଶୀ ଓ ପ୍ରବାସୀ ନିମନ୍ତେ ସେହି ଛଅ ନଗର ଆଶ୍ରୟ ସ୍ଥାନ ହେବ; ତହିଁରେ ଯେଉଁ ପ୍ରତ୍ୟେକ ଜନ ଭ୍ରାନ୍ତିରେ କୌଣସି ମନୁଷ୍ୟକୁ ବଧ କରେ, ସେ ସେହି ସ୍ଥାନକୁ ପଳାଇ ଯାଇ ପାରେ ।
\s5
\v 16 ମାତ୍ର ଯଦି କେହି ଲୌହ ଅସ୍ତ୍ର ଦ୍ୱାରା କାହାରିକୁ ଏପରି ଆଘାତ କରେ ଯେ, ତହିଁରେ ସେ ମରେ, ତେବେ ସେ ନରହତ୍ୟାକାରୀ; ସେହି ନରହତ୍ୟାକାରୀର ଅବଶ୍ୟ ପ୍ରାଣଦଣ୍ଡ ହେବ ।
\v 17 ଆଉ ଯାହା ଦ୍ୱାରା ମନୁଷ୍ୟ ମରିପାରେ, ଏପରି ପଥର ହସ୍ତରେ ନେଇ ଯଦି ସେ କାହାକୁ ଆଘାତ କରେ ଓ ତହିଁରେ ସେ ମରେ, ତେବେ ସେ ନରହତ୍ୟାକାରୀ; ସେହି ନରହତ୍ୟାକାରୀର ଅବଶ୍ୟ ପ୍ରାଣଦଣ୍ଡ ହେବ ।
\v 18 ଅବା ଯାହା ଦ୍ୱାରା ମନୁଷ୍ୟ ମରିପାରେ, ଏପରି କୌଣସି କାଷ୍ଠ-ଅସ୍ତ୍ର ହସ୍ତରେ ନେଇ ଯଦି ସେ କାହାକୁ ଆଘାତ କରେ ଓ ତହିଁରେ ସେ ମରେ, ତେବେ ସେ ନରହତ୍ୟାକାରୀ; ସେହି ନରହତ୍ୟାକାରୀର ଅବଶ୍ୟ ପ୍ରାଣଦଣ୍ଡ ହେବ ।
\s5
\v 19 ରକ୍ତର ପ୍ରତିହନ୍ତା ନିଜେ ସେହି ନରହତ୍ୟାକାରୀକୁ ବଧ କରିବ; ସେ ତାହାର ଦେଖା ପାଇଲେ ତାହାକୁ ବଧ କରିବ ।
\v 20 ଆଉ ଯଦି ହିଂସା କରି କେହି କାହାକୁ ଧକ୍‍କା ମାରେ, ଅବା ଛକି ବସି ତାହା ଉପରେ କିଛି ପକାଏ ଓ ତହିଁରେ ସେ ମରେ;
\v 21 କିଅବା ଶତ୍ରୁତା କରି ଯଦି ସେ କାହାକୁ ଆପଣା ହସ୍ତରେ ଆଘାତ କରେ ଓ ତହିଁରେ ସେ ମରେ, ତେବେ ଯେ ତାହାକୁ ଆଘାତ କଲା, ତାହାର ଅବଶ୍ୟ ପ୍ରାଣଦଣ୍ଡ ହେବ; ସେ ନରହତ୍ୟାକାରୀ ରକ୍ତର ପ୍ରତିହନ୍ତା ସେହି ନରହତ୍ୟାକାରୀର ଦେଖା ପାଇଲେ ତାହାକୁ ବଧ କରିବ ।
\s5
\v 22 ମାତ୍ର ଯଦି କେହି ଶତ୍ରୁତା ବିନା ହଠାତ୍‍ କାହାକୁ ଆଘାତ କରେ, ଅବା ଛକି ନ ବସି କାହା ଉପରେ କୌଣସି ଅସ୍ତ୍ର ପକାଏ,
\v 23 କିଅବା ଯାହା ଦ୍ୱାରା ମନୁଷ୍ୟ ମରିପାରେ, ଏପରି କୌଣସି ପଥର କାହାରି ଉପରେ ନ ଦେଖି ପକାଏ ଓ ତହିଁରେ ସେ ମରେ, ଅଥଚ ସେ ତାହାର ଶତ୍ରୁ କି ଅନିଷ୍ଟ ଚେଷ୍ଟାକାରୀ ହୋଇ ନ ଥାଏ,
\s5
\v 24 ତେବେ ମଣ୍ଡଳୀ ସେହି ବଧକାରୀର ଓ ରକ୍ତର ପ୍ରତିହନ୍ତାର ବିଷୟ ଏହି ଶାସନାନୁସାରେ ବିଚାର କରିବେ ।
\v 25 ଆଉ ମଣ୍ଡଳୀ ରକ୍ତର ପ୍ରତିହନ୍ତାର ହସ୍ତରୁ ସେହି ନରହତ୍ୟାକାରୀକୁ ଉଦ୍ଧାର କରିବେ; ପୁଣି, ସେ ଯେଉଁ ସ୍ଥାନକୁ ପଳାଇ ଯାଇଥିଲା, ସେହି ଆଶ୍ରୟ ନଗରରେ ମଣ୍ଡଳୀ ପୁନର୍ବାର ତାହାକୁ ପହୁଞ୍ଚାଇ ଦେବେ ଓ ଯେପର୍ଯ୍ୟନ୍ତ ପବିତ୍ର ତୈଳରେ ଅଭିଷିକ୍ତ ମହାଯାଜକର ମୃତ୍ୟୁ ନ ହୁଏ, ସେ ପର୍ଯ୍ୟନ୍ତ ସେ ସେହି ସ୍ଥାନରେ ବାସ କରିବ ।
\s5
\v 26 ମାତ୍ର ସେହି ନରହତ୍ୟାକାରୀ ଯେଉଁ ଆଶ୍ରୟ ନଗରକୁ ପଳାଇଅଛି, ଯଦି କୌଣସି ସମୟରେ ସେ ତହିଁର ସୀମାର ବାହାରକୁ ଯାଏ
\v 27 ଓ ରକ୍ତର ପ୍ରତିହନ୍ତା ଆଶ୍ରୟ ନଗର-ସୀମାର ବାହାରେ ତାହାକୁ ପାଏ ଓ ତହିଁର ପ୍ରତିହନ୍ତା ତାହାକୁ ବଧ କରେ, ତେବେ ସେ ରକ୍ତପାତର ଅପରାଧୀ ହେବ ନାହିଁ ।
\v 28 କାରଣ ମହାଯାଜକର ମୃତ୍ୟୁ ପର୍ଯ୍ୟନ୍ତ ଆପଣା ଆଶ୍ରୟ ନଗରରେ ତାହାର ଥିବା ଉଚିତ୍; ମାତ୍ର ମହାଯାଜକର ମୃତ୍ୟୁ ହେଲା ଉତ୍ତାରେ ସେହି ନରହତ୍ୟାକାରୀ ଆପଣା ଅଧିକାର ଗୃହକୁ ଫେରି ଯାଇ ପାରିବ ।
\s5
\v 29 ଆଉ ତୁମ୍ଭମାନଙ୍କର ପୁରୁଷାନୁକ୍ରମେ ସକଳ ନିବାସ ସ୍ଥାନରେ ଏହିସବୁ ତୁମ୍ଭମାନଙ୍କ ବିଚାରର ବିଧି ହେବ ।
\v 30 ଯେଉଁ ବ୍ୟକ୍ତି କୌଣସି ଲୋକକୁ ବଧ କରେ, ସେହି ନରହତ୍ୟାକାରୀ ସାକ୍ଷୀମାନଙ୍କ ସାକ୍ଷ୍ୟ ଦ୍ୱାରା ହତ ହେବ; ମାତ୍ର ଏକ ସାକ୍ଷୀର ସାକ୍ଷ୍ୟ କୌଣସି ଲୋକର ପ୍ରତିକୂଳରେ ପ୍ରାଣଦଣ୍ଡ ନିମନ୍ତେ ଗ୍ରାହ୍ୟ ହେବ ନାହିଁ ।
\s5
\v 31 ଆହୁରି ପ୍ରାଣଦଣ୍ଡଯୋଗ୍ୟ ନରହତ୍ୟାକାରୀର ପ୍ରାଣ ନିମନ୍ତେ କୌଣସି ପ୍ରାୟଶ୍ଚିତ୍ତ ଗ୍ରହଣ କରିବ ନାହିଁ; ମାତ୍ର ସେ ଅବଶ୍ୟ ହତ ହେବ ।
\v 32 ପୁଣି, କେହି ଯେପରି ଆପଣା ଆଶ୍ରୟ ନଗରକୁ ପଳାଇ ପୁନର୍ବାର ଆପଣା ଦେଶକୁ ଆସି ବାସ କରେ, ଏଥିପାଇଁ ତୁମ୍ଭେମାନେ ଯାଜକର ମରଣ ପର୍ଯ୍ୟନ୍ତ ତାହା ନିମନ୍ତେ କୌଣସି ପ୍ରାୟଶ୍ଚିତ୍ତ ଗ୍ରହଣ କରିବ ନାହିଁ ।
\s5
\v 33 ଏହିରୂପେ ତୁମ୍ଭେମାନେ ଆପଣାମାନଙ୍କ ନିବାସ ଦେଶ ଅପବିତ୍ର କରିବ ନାହିଁ; କାରଣ ରକ୍ତ ହିଁ ଦେଶକୁ ଅପବିତ୍ର କରେ; ଆଉ ଦେଶରେ ଯେଉଁ ରକ୍ତପାତ ହୁଏ, ରକ୍ତପାତୀର ରକ୍ତ ବିନା ତହିଁ ନିମନ୍ତେ କୌଣସି ପ୍ରାୟଶ୍ଚିତ୍ତ କରାଯାଇ ନ ପାରେ ।
\v 34 ଏଣୁ ତୁମ୍ଭମାନଙ୍କର ଯେଉଁ ନିବାସ ଦେଶରେ ଆମ୍ଭେ ବାସ କରୁଅଛୁ, ତୁମ୍ଭେ ତାହା ଅଶୁଚି କରିବ ନାହିଁ; କାରଣ ଆମ୍ଭେ ସଦାପ୍ରଭୁ, ଇସ୍ରାଏଲ-ସନ୍ତାନଗଣଙ୍କ ମଧ୍ୟରେ ବାସ କରୁଅଛୁ ।"
\s5
\c 36
\s ବିବାହିତା ସ୍ତ୍ରୀଙ୍କ ପୈତୃକ ସମ୍ପତ୍ତିର ଅଧିକାର
\p
\v 1 ଏଥିଉତ୍ତାରେ ଯୋଷେଫ-ସନ୍ତାନଗଣଙ୍କର ବଂଶୀୟ ଲୋକମାନଙ୍କ ମଧ୍ୟରୁ ମନଃଶିର ପୌତ୍ର ମାଖୀରର ପୁତ୍ର ଗିଲୀୟଦ ବଂଶୀୟ ପିତୃଗୃହର ପ୍ରଧାନମାନେ ନିକଟକୁ ଆସିଲେ, ପୁଣି, ମୋଶାଙ୍କର ସମ୍ମୁଖରେ ଓ ଇସ୍ରାଏଲ ସନ୍ତାନମାନଙ୍କ ପିତୃଗୃହର ପ୍ରଧାନ ସ୍ୱରୂପ ଅଧିପତିବର୍ଗଙ୍କ ସମ୍ମୁଖରେ ପ୍ରସ୍ତାବ କଲେ;
\v 2 ଆଉ ସେମାନେ କହିଲେ, "ସଦାପ୍ରଭୁ ଗୁଲିବାଣ୍ଟ ଦ୍ୱାରା ଇସ୍ରାଏଲ-ସନ୍ତାନଗଣଙ୍କୁ ଦେଶାଧିକାର ଦେବା ନିମନ୍ତେ ଆମ୍ଭ ପ୍ରଭୁଙ୍କୁ ଆଜ୍ଞା ଦେଲେ; ଆଉ ଆମ୍ଭ ପ୍ରଭୁ ଆମ୍ଭମାନଙ୍କ ଭ୍ରାତା ସଲଫାଦର ଅଧିକାର ତାହାର କନ୍ୟାମାନଙ୍କୁ ଦେବା ପାଇଁ ସଦାପ୍ରଭୁଙ୍କଠାରୁ ଆଜ୍ଞା ପାଇଥିଲେ ।
\s5
\v 3 ମାତ୍ର ଇସ୍ରାଏଲ-ସନ୍ତାନଗଣଙ୍କର ବଂଶ ସମୂହର ସନ୍ତାନମାନଙ୍କ ମଧ୍ୟରୁ କାହାରି ସଙ୍ଗେ ଯଦି ସେମାନଙ୍କର ବିବାହ ହୁଏ, ତେବେ ଆମ୍ଭମାନଙ୍କ ପୈତୃକ ଅଧିକାରରୁ ସେମାନଙ୍କ ଅଧିକାର କଟାଯିବ; ପୁଣି, ସେମାନେ ଯେଉଁ ବଂଶରେ ଗୃହୀତ ହେବେ, ସେହି ବଂଶର ଅଧିକାରରେ ତାହା ଯୁକ୍ତ ହେବ; ଏହିରୂପେ ତାହା ଆମ୍ଭମାନଙ୍କ ଅଧିକାରର ଅଂଶରୁ କଟାଯିବ ।
\v 4 ଆଉ ଯେତେବେଳେ ଇସ୍ରାଏଲ-ସନ୍ତାନଗଣଙ୍କର ଯୋବେଲ ଉପସ୍ଥିତ ହେବ, ସେତେବେଳେ ସେମାନେ ଯେଉଁମାନଙ୍କ ମଧ୍ୟରେ ଗୃହୀତା, ସେହି ବଂଶର ଅଧିକାରରେ ସେମାନଙ୍କର ଅଧିକାର ଯୁକ୍ତ ହେବ; ଏହିରୂପେ ଆମ୍ଭମାନଙ୍କ ପୈତୃକ ବଂଶରୁ ସେମାନଙ୍କ ଅଧିକାର କଟାଯିବ ।"
\s5
\v 5 ତହିଁରେ ମୋଶା ସଦାପ୍ରଭୁଙ୍କ ବାକ୍ୟାନୁସାରେ ଆଜ୍ଞା ଦେଇ କହିଲେ, "ଯୋଷେଫ-ସନ୍ତାନଗଣଙ୍କର ବଂଶ ଯଥାର୍ଥ କହୁଅଛନ୍ତି ।
\v 6 ସଦାପ୍ରଭୁ ସଲଫାଦର କନ୍ୟାମାନଙ୍କ ବିଷୟରେ ଏହି ଆଜ୍ଞା ଦେଉଅଛନ୍ତି, ସେମାନେ ଯେଉଁମାନଙ୍କୁ ଅତି ଭଲ ବିଚାର କରନ୍ତି, ସେମାନଙ୍କୁ ବିବାହ ହେଉନ୍ତୁ; କିନ୍ତୁ କେବଳ ସେମାନେ ଆପଣା ପିତୃବଂଶୀୟ କୌଣସି ବଂଶ ମଧ୍ୟରେ ବିବାହ କରିବେ ।
\s5
\v 7 ତାହା କଲେ ଇସ୍ରାଏଲ-ସନ୍ତାନଗଣଙ୍କର ଅଧିକାର ଏକ ବଂଶରୁ ଅନ୍ୟ ବଂଶକୁ ଯିବ ନାହିଁ; ଇସ୍ରାଏଲ-ସନ୍ତାନଗଣଙ୍କ ପ୍ରତ୍ୟେକେ ଆପଣା ଆପଣା ପୈତୃକ ବଂଶର ଅଧିକାର ମଧ୍ୟରେ ରହିବେ ।
\s5
\v 8 ପୁଣି, ଇସ୍ରାଏଲ-ସନ୍ତାନଗଣଙ୍କ ପ୍ରତ୍ୟେକେ ଯେପରି ଆପଣା ଆପଣା ପୈତୃକ ଅଧିକାର ଭୋଗ କରିବେ, ଏଥିପାଇଁ ଇସ୍ରାଏଲ-ସନ୍ତାନଗଣଙ୍କର କୌଣସି ବଂଶ ମଧ୍ୟରେ ଯେଉଁ କନ୍ୟାର ଅଧିକାର ଥାଏ, ସେ ଆପଣା ପିତୃବଂଶୀୟ ପରିବାର ମଧ୍ୟରେ ଜଣକର ଭାର୍ଯ୍ୟା ହେବ ।
\v 9 ତହିଁରେ ଏକ ବଂଶରୁ ଅନ୍ୟ ବଂଶକୁ ଅଧିକାର ଯିବ ନାହିଁ; ମାତ୍ର ଇସ୍ରାଏଲ-ସନ୍ତାନଗଣଙ୍କର ବଂଶସମୂହ ପ୍ରତ୍ୟେକେ ଆପଣା ଆପଣା ପୈତୃକ ଅଧିକାର ମଧ୍ୟରେ ରହିବେ ।"
\s5
\v 10 ସଦାପ୍ରଭୁ ମୋଶାଙ୍କୁ ଯେପରି ଆଜ୍ଞା ଦେଲେ, ତଦନୁସାରେ ସଲଫାଦର କନ୍ୟାମାନେ କର୍ମ କଲେ ।
\v 11 ଅର୍ଥାତ୍‍, ମହଲା, ତିର୍ସା, ହଗ୍‍ଲା, ମିଲ୍‍କା ଓ ନୋୟା, ସଲଫାଦର ଏହି କନ୍ୟାଗଣ ଆପଣା ଆପଣା ପିତୃବ୍ୟ ପୁତ୍ରମାନଙ୍କ ସହିତ ବିବାହ କଲେ ।
\v 12 ଯୋଷେଫଙ୍କର ପୁତ୍ର ମନଃଶି-ସନ୍ତାନଗଣଙ୍କର ବଂଶ ମଧ୍ୟରେ ସେମାନଙ୍କର ବିବାହ ହେଲା, ତହିଁରେ ସେମାନଙ୍କର ଅଧିକାର ସେମାନଙ୍କ ପିତୃବଂଶୀୟ ବଂଶ ମଧ୍ୟରେ ରହିଲା ।
\s5
\v 13 ସଦାପ୍ରଭୁ ଯିରୀହୋ ନିକଟସ୍ଥ ଯର୍ଦ୍ଦନ ସମୀପରେ ମୋୟାବ-ପଦାରେ ମୋଶାଙ୍କ ଦ୍ୱାରା ଇସ୍ରାଏଲ ସନ୍ତାନଗଣଙ୍କ ପ୍ରତି ଏହି ସମସ୍ତ ଆଜ୍ଞା ଓ ଶାସନ ଆଦେଶ କରିଥିଲେ ।

1686
18-JOB.usfm Normal file
View File

@ -0,0 +1,1686 @@
\id JOB
\ide UTF-8
\sts ODIA Old Version Revision
\rem Copyright Information: Creative Commons Attribution-ShareAlike 4.0 License
\h ଆୟୁବ
\toc1 ଆୟୁବ ପୁସ୍ତକ
\toc2 ଆୟୁବ
\toc3 job
\mt1 ଆୟୁବ ପୁସ୍ତକ
\s5
\c 1
\s ଶୟତାନ ଦ୍ୱାରା ଆୟୁବ ପରୀକ୍ଷିତ
\p
\v 1 ଊଷ ଦେଶରେ ଆୟୁବ ନାମକ ଏକ ବ୍ୟକ୍ତି ଥିଲା; ଆଉ ସେ ସିଦ୍ଧ, ସରଳ, ପରମେଶ୍ୱର-ଭୟକାରୀ ଓ କୁକ୍ରିୟାତ୍ୟାଗୀ ଥିଲା ।
\v 2 ପୁଣି, ତାହାର ସାତ ପୁତ୍ର ଓ ତିନି କନ୍ୟା ଜନ୍ମିଥିଲେ ।
\v 3 ମଧ୍ୟ ତାହାର ସମ୍ପତ୍ତି ସାତ ହଜାର ମେଷ, ତିନି ହଜାର ଉଷ୍ଟ୍ର, ପାଞ୍ଚ ଶହ ହଳ ବଳଦ, ପାଞ୍ଚ ଶହ ଗର୍ଦ୍ଦଭୀ ଓ ଅନେକ ଦାସ ଦାସୀ ଥିଲେ । ତେଣୁ ସେ ପୂର୍ବଦେଶୀୟ ସମସ୍ତ ଲୋକଙ୍କ ଅପେକ୍ଷା ମହାନ୍ ହୋଇଥିଲା ।
\s5
\v 4 ଆଉ, ତାହାର ପୁତ୍ରମାନେ ଯାଇ ପ୍ରତ୍ୟେକେ ଆପଣା ଆପଣା ଦିନରେ ଆପଣା ଆପଣା ଗୃହରେ ଭୋଜ କଲେ; ପୁଣି ସେମାନେ ଲୋକ ପଠାଇ ଆପଣାମାନଙ୍କ ସଙ୍ଗେ ଭୋଜନ ଓ ପାନ କରିବା ପାଇଁ ଆପଣାମାନଙ୍କ ତିନି ଭଗିନୀଙ୍କୁ ନିମନ୍ତ୍ରଣ କଲେ ।
\v 5 ପୁଣି, ପାଳିକ୍ରମେ ସେମାନଙ୍କ ଭୋଜର ଦିନ ଗତ ହୁଅନ୍ତେ, ଆୟୁବ ସେମାନଙ୍କୁ ଡକାଇ ପବିତ୍ର କଲା ଓ ଅତି ପ୍ରଭାତରେ ଉଠି ସେ ସମସ୍ତଙ୍କ ପାଇଁ ହୋମବଳି ଉତ୍ସର୍ଗ କଲା; କାରଣ ଆୟୁବ କହିଲା, ହୋଇପାରେ, ଆମ୍ଭର ପୁତ୍ରମାନେ ପାପ କରିଥିବେ ଓ ମନେ ମନେ ପରମେଶ୍ୱରଙ୍କୁ ଅଭିଶାପ କରିଥିବେ । ଏହିରୂପେ ଆୟୁବ ସର୍ବଦା କଲା ।
\s5
\v 6 ଦିନକରେ ପରମେଶ୍ୱରଙ୍କ ସନ୍ତାନଗଣ ସଦାପ୍ରଭୁଙ୍କ ସମ୍ମୁଖରେ ଉପସ୍ଥିତ ହେବାକୁ ଆସନ୍ତେ, ଶୟତାନ ହିଁ ସେମାନଙ୍କ ମଧ୍ୟରେ ଉପସ୍ଥିତ ହେଲା ।
\v 7 ଏଥିରେ ସଦାପ୍ରଭୁ ଶୟତାନକୁ କହିଲେ, ତୁମ୍ଭେ କେଉଁଠାରୁ ଆସିଲ ? ତହିଁରେ ଶୟତାନ ସଦାପ୍ରଭୁଙ୍କୁ ଉତ୍ତର କରି କହିଲା, ପୃଥିବୀରେ ଏଣେତେଣେ ଭ୍ରମଣ ଓ ତହିଁ ମଧ୍ୟରେ ଗମନାଗମନ କରି କରି ଆସିଲି ।
\v 8 ତହୁଁ ସଦାପ୍ରଭୁ ଶୟତାନକୁ କହିଲେ, ତୁମ୍ଭେ କି ଆମ୍ଭ ଦାସ ଆୟୁବ ପ୍ରତି ମନ ଦେଇଅଛ ? କାରଣ ତାହାର ସମାନ ସିଦ୍ଧ ଓ ସରଳ, ପରମେଶ୍ୱର-ଭୟକାରୀ ଓ କୁକ୍ରିୟାତ୍ୟାଗୀ ଲୋକ ପୃଥିବୀରେ କେହି ନାହିଁ ?
\s5
\v 9 ତେବେ ଶୟତାନ ସଦାପ୍ରଭୁଙ୍କୁ ଉତ୍ତର କରି କହିଲା, ଆୟୁବ କ'ଣ ଅକାରଣରେ ପରମେଶ୍ୱରଙ୍କୁ ଭୟ କରୁଅଛି ?
\v 10 ତୁମ୍ଭେ କ'ଣ ତାହାର ଚତୁର୍ଦ୍ଦିଗରେ, ପୁଣି ତାହାର ଗୃହର ଓ ତାହାର ସର୍ବସ୍ୱର ଚତୁର୍ଦ୍ଦିଗରେ ବାଡ଼ ଦେଇ ନାହଁ ? ତୁମ୍ଭେ ତାହାର ହସ୍ତକୃତ କାର୍ଯ୍ୟରେ ଆଶୀର୍ବାଦ ଦେଇଅଛ ଓ ଦେଶରେ ତାହାର ସମ୍ପତ୍ତି ବୃଦ୍ଧି ପାଇଅଛି ।
\v 11 ମାତ୍ର ଏବେ ଆପଣା ହସ୍ତ ବିସ୍ତାର କରି ତାହାର ସର୍ବସ୍ୱ ସ୍ପର୍ଶ କର, ତହିଁରେ ସେ ତୁମ୍ଭକୁ ତୁମ୍ଭ ମୁଖ ଆଗରେ ପରିତ୍ୟାଗ କରିବ ।
\v 12 ତହୁଁ ସଦାପ୍ରଭୁ ଶୟତାନକୁ କହିଲେ, "ଦେଖ, ତାହାର ସର୍ବସ୍ୱରେ ତୁମ୍ଭର କ୍ଷମତା ଅଛି; କେବଳ ତାହାରି ଉପରେ ତୁମ୍ଭେ ହସ୍ତ ନ ଦିଅ ।" ତହିଁରେ ଶୟତାନ ସଦାପ୍ରଭୁଙ୍କ ସାକ୍ଷାତରୁ ବାହାରି ଗଲା ।
\s ଆୟୁବଙ୍କ ସନ୍ତାନ ଓ ସମ୍ପଦର ବିନାଶ
\p
\s5
\v 13 ଆଉ, ଦିନେ ତାହାର ପୁତ୍ର ଓ କନ୍ୟାଗଣ ଆପଣାମାନଙ୍କ ଜ୍ୟେଷ୍ଠ ଭ୍ରାତାର ଗୃହରେ ଭୋଜନ ଓ ଦ୍ରାକ୍ଷାରସ ପାନ କରୁଥିଲେ,
\v 14 ଏପରି ସମୟରେ ଆୟୁବ ନିକଟକୁ ଏକ ଦୂତ ଆସି କହିଲା, ବଳଦମାନେ ହଳ ବୁଲାଉଥିଲେ ଓ ସେମାନଙ୍କ ନିକଟରେ ଗର୍ଦ୍ଦଭୀମାନେ ଚରୁଥିଲେ;
\v 15 ଏଥି ମଧ୍ୟରେ ଶିବାୟୀୟମାନେ ଆକ୍ରମଣ କରି ସେମାନଙ୍କୁ ନେଇଗଲେ; ଆହୁରି, ସେମାନେ ଖଡ଼୍‍ଗଧାରରେ ଦାସମାନଙ୍କୁ ବଧ କଲେ; ପୁଣି, ଆପଣଙ୍କୁ ସମ୍ବାଦ ଦେବା ପାଇଁ କେବଳ ମୁଁ ଏକା ରକ୍ଷା ପାଇଅଛି ।
\s5
\v 16 ସେ କହିବା ବେଳେ ଆଉ ଜଣେ ମଧ୍ୟ ଆସି କହିଲା, "ଆକାଶରୁ ପରମେଶ୍ୱରଙ୍କ ଅଗ୍ନି ପଡ଼ି ମେଷପଲ ଓ ଦାସମାନଙ୍କୁ ଦଗ୍ଧ କରି ଗ୍ରାସ କରିଅଛି; ପୁଣି, ଆପଣଙ୍କୁ ସମ୍ବାଦ ଦେବା ପାଇଁ କେବଳ ମୁଁ ଏକା ରକ୍ଷା ପାଇଅଛି ।"
\v 17 ସେ କହିବା ବେଳେ ଆଉ ଜଣେ ମଧ୍ୟ ଆସି କହିଲା, "କଲଦୀୟମାନେ ତିନି ଦଳ ହୋଇ ଉଷ୍ଟ୍ରପଲ ଆକ୍ରମଣ କରି ସେମାନଙ୍କୁ ନେଇଗଲେ, ଆହୁରି ଖଡ଼୍‍ଗଧାରରେ ଦାସମାନଙ୍କୁ ବଧ କଲେ; ପୁଣି ଆପଣଙ୍କୁ ସମ୍ବାଦ ଦେବା ପାଇଁ କେବଳ ମୁଁ ଏକା ରକ୍ଷା ପାଇଅଛି ।"
\s5
\v 18 ସେ କହିବା ବେଳେ ଆଉ ଜଣେ ମଧ୍ୟ ଆସି କହିଲା, "ଆପଣଙ୍କ ପୁତ୍ର ଓ କନ୍ୟାଗଣ ସେମାନଙ୍କ ଜ୍ୟେଷ୍ଠ ଭ୍ରାତାର ଗୃହରେ ଭୋଜନ ଓ ଦ୍ରାକ୍ଷାରସ ପାନ କରୁଥିଲେ;
\v 19 ଏଥି ମଧ୍ୟରେ, ଦେଖନ୍ତୁ, ପ୍ରାନ୍ତର ଆଡ଼ୁ ପ୍ରବଳ ବାୟୁ ଆସି ଗୃହର ଚାରି କୋଣରେ ଲାଗନ୍ତେ, ତାହା ଯୁବକମାନଙ୍କ ଉପରେ ପଡ଼ିଲା, ତହିଁରେ ସେମାନେ ମଲେ; ପୁଣି, ଆପଣଙ୍କୁ ସମ୍ବାଦ ଦେବା ପାଇଁ କେବଳ ମୁଁ ଏକା ରକ୍ଷା ପାଇଅଛି ।
\s5
\v 20 ସେତେବେଳେ ଆୟୁବ ଉଠି ଆପଣା ବସ୍ତ୍ର ଚିରିଲା ଓ ଆପଣା ମସ୍ତକ କ୍ଷୌର କଲା ଓ ଭୂମିରେ ପଡ଼ି ପ୍ରଣାମ କଲା;
\v 21 ଆଉ, ସେ କହିଲା, "ମୁଁ ମାତାର ଗର୍ଭରୁ ଉଲଙ୍ଗ ଆସିଅଛି ଓ ମୁଁ ଉଲଙ୍ଗ ହୋଇ ସେଠାକୁ ଫେରିଯିବି; ସଦାପ୍ରଭୁ ଦେଲେ ଓ ସଦାପ୍ରଭୁ ନେଇଅଛନ୍ତି; ସଦାପ୍ରଭୁଙ୍କ ନାମ ଧନ୍ୟ ହେଉ ।"
\v 22 ଏହିସବୁରେ ଆୟୁବ ପାପ କଲା ନାହିଁ, ଅବା ପରମେଶ୍ୱରଙ୍କ ଉପରେ ଅବିବେଚନାର ଦୋଷାରୋପ କଲା ନାହିଁ ।
\s5
\c 2
\s ଆୟୁବଙ୍କ ସ୍ୱାସ୍ଥ୍ୟରେ ଶୟତାନର ଆକ୍ରମଣ
\p
\v 1 ପୁନର୍ବାର ଦିନକରେ ପରମେଶ୍ୱରଙ୍କ ସନ୍ତାନଗଣ ସଦାପ୍ରଭୁଙ୍କ ସମ୍ମୁଖରେ ଉପସ୍ଥିତ ହେବାକୁ ଆସନ୍ତେ, ଶୟତାନ ମଧ୍ୟ ସେମାନଙ୍କ ମଧ୍ୟରେ ସଦାପ୍ରଭୁଙ୍କ ସମ୍ମୁଖରେ ଉପସ୍ଥିତ ହେବା ପାଇଁ ଆସିଲା ।
\v 2 ଏଥିରେ ସଦାପ୍ରଭୁ ଶୟତାନକୁ କହିଲେ, "ତୁମ୍ଭେ କେଉଁଠାରୁ ଆସିଲ ?" ତହିଁରେ ଶୟତାନ ସଦାପ୍ରଭୁଙ୍କୁ ଉତ୍ତର କରି କହିଲା, "ପୃଥିବୀରେ ଏଣେତେଣେ ଭ୍ରମଣ ଓ ତହିଁ ମଧ୍ୟରେ ଗମନାଗମନ କରି କରି ଆସିଲି ।"
\s5
\v 3 ତହୁଁ ସଦାପ୍ରଭୁ ଶୟତାନଙ୍କୁ କହିଲେ, "ତୁମ୍ଭେ କି ଆମ୍ଭ ଦାସ ଆୟୁବ ପ୍ରତି ମନ ଦେଇଅଛ ? କାରଣ ତାହାର ସମାନ ସିଦ୍ଧ ଓ ସରଳ, ପରମେଶ୍ୱର-ଭୟକାରୀ ଓ କୁକ୍ରିୟାତ୍ୟାଗୀ ଲୋକ ପୃଥିବୀରେ କେହି ନାହିଁ; ପୁଣି, ଅକାରଣରେ ତାହାକୁ ନାଶ କରିବା ପାଇଁ ତୁମ୍ଭେ ତାହା ବିରୁଦ୍ଧରେ ଆମ୍ଭକୁ ପ୍ରବର୍ତ୍ତାଇଲେ ହେଁ ସେ ଏଯାଏ ଆପଣା ସରଳତା ଦୃଢ଼ କରି ଧରିଅଛି ।"
\s5
\v 4 ତହିଁରେ ଶୟତାନ ସଦାପ୍ରଭୁଙ୍କୁ ଉତ୍ତର କରି କହିଲା, "ଚର୍ମ ନିମନ୍ତେ ଚର୍ମ, ଆପଣା ପ୍ରାଣ ନିମନ୍ତେ ମନୁଷ୍ୟ ସର୍ବସ୍ୱ ଦେବ ।"
\v 5 ମାତ୍ର ତୁମ୍ଭେ ଏବେ ହସ୍ତ ବଢ଼ାଇ ତାହାର ଅସ୍ଥି ଓ ମାଂସ ସ୍ପର୍ଶ କର, ତହିଁରେ ସେ ତୁମ୍ଭ ମୁଖ ଆଗରେ ତୁମ୍ଭକୁ ପରିତ୍ୟାଗ କରିବ ।
\v 6 ତହିଁରେ ସଦାପ୍ରଭୁ ଶୟତାନଙ୍କୁ କହିଲେ, "ଦେଖ, ସେ ତୁମ୍ଭର ହସ୍ତଗତ, କେବଳ ତାହାର ପ୍ରାଣ ରକ୍ଷା କର ।"
\s5
\v 7 ଏଉତ୍ତାରେ ଶୟତାନ ସଦାପ୍ରଭୁଙ୍କ ଛାମୁରୁ ବାହାରି ଯାଇ ଆୟୁବର ତଳିପାରୁ ମସ୍ତକ ପର୍ଯ୍ୟନ୍ତ ମହାଜ୍ୱାଳାଜନକ ବିସ୍ପୋଟକରେ ତାହାକୁ ଆଘାତ କଲା ।
\v 8 ଏଣୁ ସେ ସର୍ବାଙ୍ଗ କୁଣ୍ଡାଇବା ପାଇଁ ଖଣ୍ଡେ ଖପରା ନେଲା ଓ ସେ ଭସ୍ମ ମଧ୍ୟରେ ବସିଲା ।
\s5
\v 9 ତହିଁରେ ତାହାର ଭାର୍ଯ୍ୟା ତାହାକୁ କହିଲା, "ତୁମ୍ଭେ କି ଏଯାଏ ଆପଣାର ସରଳତା ଦୃଢ଼ କରି ଧରୁଅଛ ? ପରମେଶ୍ୱରଙ୍କୁ ପରିତ୍ୟାଗ କରି ମର ।"
\v 10 ସେ ତାହାକୁ କହିଲା, "ତୁମ୍ଭେ ଏକ ମୂଢ଼ା ସ୍ତ୍ରୀ ପରି କଥା କହୁଅଛ ! କଅଣ ? ଆମ୍ଭେମାନେ କି ପରମେଶ୍ୱରଙ୍କ ହସ୍ତରୁ ମଙ୍ଗଳ ଗ୍ରହଣ କରିବା ? ଆଉ, ଅମଙ୍ଗଳ କ'ଣ ଗ୍ରହଣ କରିବା ନାହିଁ ?" ଏହିସବୁରେ ଆୟୁବ ଆପଣା ଓଷ୍ଠରେ ପାପ କଲା ନାହିଁ ।
\s ଆୟୁବଙ୍କ ତିନି ବନ୍ଧୁଗଣ
\p
\s5
\v 11 ଆୟୁବ ପ୍ରତି ଘଟିତ ଏହିସବୁ ବିପଦର କଥା ତୈମନୀୟ ଇଲୀଫସ୍‍ ଓ ଶୂହୀୟ ବିଲ୍‍ଦଦ୍‍ ଓ ନାମାଥୀୟ ସୋଫର ନାମରେ ତାହାର ଏହି ତିନି ମିତ୍ର ଶୁଣି ସ୍ୱ ସ୍ୱ ସ୍ଥାନରୁ ଆସିଲେ; ପୁଣି, ସେମାନେ ତାହା ସଙ୍ଗେ ଶୋକ କରିବା ପାଇଁ ଓ ତାହାକୁ ସାନ୍ତ୍ୱନା କରିବା ପାଇଁ ଆସିବାକୁ ଏକତ୍ର ସ୍ଥିର କଲେ ।
\s5
\v 12 ଏଉତ୍ତାରେ ସେମାନେ ଦୂରରୁ ଅନାଇ ତାହାକୁ ଚିହ୍ନି ନ ପାରି ଉଚ୍ଚୈଃସ୍ୱରରେ ରୋଦନ କଲେ; ଆଉ, ସେମାନେ ପ୍ରତ୍ୟେକେ ଆପଣା ଆପଣା ବସ୍ତ୍ର ଚିରି ଆକାଶ ଆଡ଼େ ଆପଣା ଆପଣା ମସ୍ତକ ଉପରେ ଧୂଳି ବିଞ୍ଚିଲେ ।
\v 13 ତହୁଁ ସେମାନେ ସାତ ଦିନ ଓ ସାତ ରାତ୍ରି ତାହା ସଙ୍ଗେ ଭୂମିରେ ବସିଲେ, କେହି ତାହାକୁ କିଛି କହିଲେ ନାହିଁ; କାରଣ ସେମାନେ ତାହାର ଯାତନା ଅତି ବଡ଼ ବୋଲି ଦେଖିଲେ ।
\s5
\c 3
\s ଆୟୁବଙ୍କ ଜନ୍ମକୁ ଅଭିଶାପ
\p
\v 1 ଏଥିଉତ୍ତାରେ ଆୟୁବ ମୁଖ ଫିଟାଇ ଆପଣା ଜନ୍ମଦିନକୁ ଅଭିଶାପ ଦେଲା ।
\v 2 ପୁଣି, ଆୟୁବ ଉତ୍ତର କରି କହିଲା;
\v 3 "ଯେଉଁ ଦିନ ମୁଁ ଜାତ ହେଲି ଓ ପୁତ୍ର ସନ୍ତାନ ଗର୍ଭସ୍ଥ ହେଲା ବୋଲି ଯେଉଁ ରାତ୍ରି କହିଲା, ତାହା ଲୁପ୍ତ ହେଉ;
\s5
\v 4 ସେ ଦିନ ଅନ୍ଧକାରମୟ ହେଉ; ପରମେଶ୍ୱର ଊର୍ଦ୍ଧ୍ୱରୁ ତହିଁର ତତ୍ତ୍ୱ ନ କରନ୍ତୁ, କିଅବା ତହିଁ ଉପରେ ଦୀପ୍ତି ପ୍ରକାଶ ନ ପାଉ ।
\v 5 ଅନ୍ଧକାର ଓ ମୃତ୍ୟୁଚ୍ଛାୟା ତାହାକୁ ଆପଣାର ବୋଲି ଦାବି କରନ୍ତୁ; ମେଘ ତହିଁ ଉପରେ ଅବସ୍ଥାନ କରୁ; ଦିବସ ଅନ୍ଧକାରକାରୀ ସମସ୍ତେ ତାହାର ତ୍ରାସ ଜନ୍ମାଉନ୍ତୁ ।
\s5
\v 6 ନିବିଡ଼ ଅନ୍ଧକାର ସେହି ରାତ୍ରିକି ଆକ୍ରମଣ କରୁ; ତାହା ବର୍ଷର ଦିବସଶ୍ରେଣୀ ମଧ୍ୟରେ ଆନନ୍ଦ ନ କରୁ; ତାହା ମାସସଂଖ୍ୟା ମଧ୍ୟରେ ନ ଆସୁ ।
\v 7 ଦେଖ, ସେହି ରାତ୍ରି ବନ୍ଧ୍ୟା ହେଉ; ତହିଁ ମଧ୍ୟରେ କୌଣସି ଆନନ୍ଦର ସ୍ୱର ପ୍ରବେଶ ନ କରୁ ।
\s5
\v 8 ଯେଉଁମାନେ ଦିବସକୁ ଅଭିଶାପ ଦିଅନ୍ତି, ଯେଉଁମାନେ ଲିବିୟାଥନକୁ ଜଗାଇବାକୁ ନିପୁଣ, ସେମାନେ ତାହାକୁ ଅଭିଶାପ ଦେଉନ୍ତୁ ।
\v 9 ତହିଁର ସନ୍ଧ୍ୟାକାଳୀନ ନକ୍ଷତ୍ରଗଣ ଅନ୍ଧକାରମୟ ହେଉ; ସେ ଦୀପ୍ତିର ଅପେକ୍ଷା କରୁ, ମାତ୍ର କିଛି ନ ପାଉ; କିଅବା ସେ ଅରୁଣର ନେତ୍ରପଲକ ଦର୍ଶନ ନ କରୁ;
\v 10 କାରଣ ସେ ମୋ' ମାତୃଗର୍ଭର କବାଟ ରୁଦ୍ଧ କଲା ନାହିଁ, କିଅବା ଦୁଃଖକୁ ମୋର ଦୃଷ୍ଟିରୁ ଗୁପ୍ତ କଲା ନାହିଁ ।
\s5
\v 11 ମୁଁ କାହିଁକି ଗର୍ଭରୁ ମଲି ନାହିଁ ? ଉଦରରୁ ପଡ଼ିବା ମାତ୍ର କାହିଁକି ମୁଁ ପ୍ରାଣତ୍ୟାଗ କଲି ନାହିଁ ?
\v 12 ଜାନୁଯୁଗଳ କାହିଁକି ମୋତେ ଗ୍ରହଣ କଲା ? ଅବା ମୋହର ପାନ ନିମନ୍ତେ ସ୍ତନ୍ୟ କାହିଁକି ପ୍ରସ୍ତୁତ ଥିଲା ?
\s5
\v 13 ତାହା ହୋଇ ନ ଥିଲେ, ମୁଁ ଏବେ ଶୟନ କରି ଶାନ୍ତିରେ ଥା'ନ୍ତି ମୁଁ ନିଦ୍ରିତ ହୋଇ ବିଶ୍ରାମରେ ଥା'ନ୍ତି;
\v 14 ଯେଉଁମାନେ ଆପଣାମାନଙ୍କ ନିମନ୍ତେ ଉଜାଡ଼ ସ୍ଥାନ ନିର୍ମାଣ କରିଥିଲେ, ଏପରି ରାଜା ଓ ପୃଥିବୀର ମନ୍ତ୍ରୀଗଣ ସହିତ ଥା'ନ୍ତି;
\s5
\v 15 ଯେଉଁମାନେ ରୂପାରେ ଆପଣାମାନଙ୍କ ଗୃହ ପରିପୂର୍ଣ୍ଣ କରିଥିଲେ, ଏପରି ସ୍ୱର୍ଣ୍ଣାଧିକାରୀ ଅଧିପତିମାନଙ୍କ ସଙ୍ଗେ ଥା'ନ୍ତି;
\v 16 ଅବା ମୁଁ ଗୁପ୍ତ ଗର୍ଭସ୍ରାବ ତୁଲ୍ୟ ପ୍ରାଣହୀନ ହୋଇ ଥା'ନ୍ତି; ଯେଉଁମାନେ କେବେ ଆଲୁଅ ଦର୍ଶନ କଲେ ନାହିଁ, ଏପରି ଶିଶୁ ତୁଲ୍ୟ ହୋଇଥା'ନ୍ତି ।
\s5
\v 17 ସେସ୍ଥାନରେ ଦୁଷ୍ଟଗଣ କ୍ଳେଶ ଦେବାରୁ ନିବୃତ୍ତ ଓ ସେ ସ୍ଥାନରେ ପରିଶ୍ରାନ୍ତ ବିଶ୍ରାମପ୍ରାପ୍ତ ।
\v 18 ସେସ୍ଥାନରେ ବନ୍ଦୀଗଣ ଏକତ୍ର ଆରାମରେ ଅଛନ୍ତି; ସେମାନେ କାର୍ଯ୍ୟଶାସକର ରବ ଶୁଣନ୍ତି ନାହିଁ ।
\v 19 ସେଠାରେ ସାନ ଓ ବଡ଼ ଅଛନ୍ତି; ପୁଣି, ଦାସ ଆପଣା କର୍ତ୍ତାଠାରୁ ମୁକ୍ତ ଅଟେ ।
\s5
\v 20 ଦୁଃଖଗ୍ରସ୍ତ ଲୋକକୁ କାହିଁକି ଦୀପ୍ତି ଦିଆଯାଏ ଓ ତିକ୍ତପ୍ରାଣକୁ କାହିଁକି ଜୀବନ ଦିଆଯାଏ;
\v 21 ସେମାନେ ମରଣ ଇଚ୍ଛା କରନ୍ତି, ମାତ୍ର ତାହା ଆସେ ନାହିଁ; ସେମାନେ ପୋତା-ଧନ ଅପେକ୍ଷା ତହିଁ ପାଇଁ ଅଧିକ ଖୋଳନ୍ତି;
\v 22 ସେମାନେ କବର ପାଇ ପାରିଲେ ଆହ୍ଲାଦ କରନ୍ତି, ମହାନନ୍ଦରେ ଉଲ୍ଲସିତ ହୁଅନ୍ତି ?
\s5
\v 23 ଯାହାର ପଥ ଗୁପ୍ତ ଓ ଯାହାର ଚତୁର୍ଦ୍ଦିଗରେ ପରମେଶ୍ୱର ବାଡ଼ ଦେଇଅଛନ୍ତି, ଏପରି ଲୋକକୁ କିହେତୁ ଦୀପ୍ତି ଦିଆଯାଏ ?
\v 24 କାରଣ ମୁଁ ଭୋଜନ କରିବା ପୂର୍ବେ ମୋହର ହାହାକାର ଆସେ, ମୋହର ଗର୍ଜ୍ଜନ ଜଳ ତୁଲ୍ୟ ଢଳାଯାଏ ।
\s5
\v 25 ଯେଣୁ ମୁଁ ଯାହା ଭୟ କରେ, ତାହାହିଁ ମୋ' ପ୍ରତି ଘଟେ, ଆଉ ମୁଁ ଯହିଁ ବିଷୟରେ ଭୀତ, ତାହା ହିଁ ମୋ' ନିକଟରେ ଉପସ୍ଥିତ ହୁଏ ।
\v 26 ମୁଁ ଆରାମରେ କି ଶାନ୍ତିରେ ନାହିଁ, କିଅବା ମୋହର ବିଶ୍ରାମ ନାହିଁ; କେବଳ କ୍ଳେଶ ଘଟୁଅଛି ।"
\s5
\c 4
\s ଇଲୀଫସ୍‍ - ନିର୍ଦ୍ଦୋଷର ସମୃଦ୍ଧି
\p
\v 1 ଏଥିରେ ତୈମନୀୟ ଇଲୀଫସ୍‍ ଉତ୍ତର କରି କହିଲା,
\v 2 "କେହି ତୁମ୍ଭ ସଙ୍ଗେ କଥାବାର୍ତ୍ତା କରିବାକୁ ଚେଷ୍ଟା କଲେ ତୁମ୍ଭେ କ'ଣ ଦୁଃଖିତ ହେବ ? ମାତ୍ର କଥା କହିବାରୁ କିଏ ଆପଣାକୁ କ୍ଷାନ୍ତ କରିପାରେ ?"
\v 3 ଦେଖ, ତୁମ୍ଭେ ଅନେକଙ୍କୁ ଶିକ୍ଷା ଦେଇଅଛ ଓ ତୁମ୍ଭେ ଦୁର୍ବଳହସ୍ତ ସବଳ କରିଅଛ ।
\s5
\v 4 ତୁମ୍ଭର ବାକ୍ୟ ପଡୁଥିବା ଲୋକକୁ ଧରି ରଖିଅଛି ଓ ତୁମ୍ଭେ ଦୁର୍ବଳ ଆଣ୍ଠୁକୁ ଦୃଢ଼ କରିଅଛ ।
\v 5 ମାତ୍ର ଏବେ ତାହା ତୁମ୍ଭ ପ୍ରତି ଘଟିଅଛି, ଆଉ ତୁମ୍ଭେ କ୍ଳାନ୍ତ ହେଉଅଛ; ତାହା ତୁମ୍ଭକୁ ସ୍ପର୍ଶ କରୁଅଛି, ଆଉ ତୁମ୍ଭେ ବ୍ୟାକୁଳ ହେଉଅଛ ।
\v 6 ପରମେଶ୍ୱର ବିଷୟକ ତୁମ୍ଭର ଭୟ ତୁମ୍ଭର ବିଶ୍ୱାସ ଭୂମି ନୁହେଁ କି ? ଓ ତୁମ୍ଭ ମାର୍ଗର ସରଳତା ତୁମ୍ଭର ଆଶାଭୂମି ନୁହେଁ କି ?
\s5
\v 7 ମୁଁ ବିନୟ କରୁଅଛି, ସ୍ମରଣ କର, ନିର୍ଦ୍ଦୋଷ ଥାଇ କିଏ ବିନଷ୍ଟ ହୋଇଅଛି କି ? ଅବା ସରଳାଚାରୀମାନେ କେଉଁଠାରେ ଉଚ୍ଛିନ୍ନ ହୋଇଅଛନ୍ତି କି ?
\v 8 ମୋହର ଦେଖିଲା ପ୍ରମାଣେ, ଯେଉଁମାନେ ଅଧର୍ମ ଚଷନ୍ତି ଓ ଦୁଃଖରୂପ ବୀଜ ବୁଣନ୍ତି, ସେମାନେ ତାହା ହିଁ କାଟନ୍ତି ।
\v 9 ସେମାନେ ପରମେଶ୍ୱରଙ୍କ ନିଶ୍ୱାସ ଦ୍ୱାରା ବିନଷ୍ଟ ହୁଅନ୍ତି ଓ ତାହାଙ୍କର କ୍ରୋଧରୂପ ଫୁତ୍‍କାର ଦ୍ୱାରା ସଂହାରିତ ହୁଅନ୍ତି ।
\s5
\v 10 ସିଂହର ଗର୍ଜ୍ଜନ ଓ ଭୟାନକ ସିଂହର ହୁଙ୍କାର ଓ ଯୁବା ସିଂହର ଦନ୍ତ ଭଗ୍ନ ହୁଏ ।
\v 11 ବୃଦ୍ଧ ସିଂହ ଶିକାର ଅଭାବରେ ବିନଷ୍ଟ ହୁଏ ଏବଂ ସିଂହୀର ଶାବକଗଣ ଛିନ୍ନଭିନ୍ନ ହୋଇଯା'ନ୍ତି ।
\s5
\v 12 କଥା ଗୋଟିଏ ଗୁପ୍ତରେ ମୋ' କତିରେ ପହଞ୍ଚିଲା ଓ ମୋ' କର୍ଣ୍ଣ ତହିଁର ଈଷତ୍‍ ଶବ୍ଦ ପାଇଲା ।
\v 13 ଯେତେବେଳେ ଲୋକେ ଘୋର ନିଦ୍ରାଗ୍ରସ୍ତ ହୁଅନ୍ତି, ଏପରି ରାତ୍ରିର ସ୍ୱପ୍ନଦର୍ଶନରୁ ଜାତ ଭାବନା ସମୟରେ,
\s5
\v 14 ମୋହର ଭୟ ଓ କମ୍ପ ହେଲା, ତଦ୍ଦ୍ୱାରା ମୋହର ଅସ୍ଥିସବୁ ଥରହର ହେଲା ।
\v 15 ତହିଁରେ ମୋ' ସମ୍ମୁଖରେ ଏକ ଆତ୍ମା ଚାଲିଗଲା; ମୋ' ଶରୀର ରୋମାଞ୍ଚିତ ହୋଇ ଉଠିଲା ।
\s5
\v 16 ତାହା ଠିଆ ହୋଇ ରହିଲା, ମାତ୍ର ମୁଁ ତହିଁର ଆକାର ନିର୍ଣ୍ଣୟ କରି ପାରିଲି ନାହିଁ; ମୋ' ଚକ୍ଷୁ ଆଗରେ ଏକ ମୂର୍ତ୍ତି ଥିଲା; ସବୁ ନିଃଶବ୍ଦ ଥିଲା, ତହୁଁ ମୁଁ ଏହି ରବ ଶୁଣିଲି,
\v 17 ମର୍ତ୍ତ୍ୟର ମନୁଷ୍ୟ କ'ଣ ପରମେଶ୍ୱରଙ୍କ ଅପେକ୍ଷା ଅଧିକ ଧାର୍ମିକ ହେବ ? ନିଜ ସୃଷ୍ଟିକର୍ତ୍ତା ଅପେକ୍ଷା ମନୁଷ୍ୟ କ'ଣ ଅଧିକ ଶୁଚି ହେବ ?
\s5
\v 18 ଦେଖ, ସେ ଆପଣା ଦାସଗଣକୁ ବିଶ୍ୱାସ କରନ୍ତି ନାହିଁ ଓ ସେ ଆପଣା ଦୂତଗଣ ପ୍ରତି ତ୍ରୁଟିର ଦୋଷାରୋପ କରନ୍ତି;
\v 19 ତେବେ ଯେଉଁମାନେ ମୃତ୍ତିକା-ନିର୍ମିତ ଗୃହରେ ବାସ କରନ୍ତି, ସେମାନେ କଅଣ ? ସେମାନଙ୍କ ଭିତ୍ତିମୂଳ ଧୂଳିରେ ସ୍ଥାପିତ, ସେମାନେ କୀଟ ତୁଲ୍ୟ ମର୍ଦ୍ଦିତ ହୁଅନ୍ତି ।
\s5
\v 20 ସେମାନେ ପ୍ରଭାତ ଓ ସାୟଂକାଳ ମଧ୍ୟରେ ବିନଷ୍ଟ ହୁଅନ୍ତି; ସେମାନେ ଚିରକାଳ ନଷ୍ଟ ହୁଅନ୍ତି, କେହି ଚିନ୍ତା କରେ ନାହିଁ ।
\v 21 ସେମାନଙ୍କ ତମ୍ବୁ-ରଜ୍ଜୁ କ'ଣ ସେମାନଙ୍କ ଅନ୍ତରରେ ଛିଣ୍ଡା ନ ଯାଏ ? ସେମାନେ ଜ୍ଞାନରହିତ ହୋଇ ମରନ୍ତି ।
\s5
\c 5
\p
\v 1 ଏବେ ଡାକ, ତୁମ୍ଭକୁ ଉତ୍ତର ଦେବାକୁ କ'ଣ କେହି ଅଛି ? ପୁଣି, ପବିତ୍ରଗଣ ମଧ୍ୟରୁ ତୁମ୍ଭେ କାହାର ଅନୁସରଣ କରିବ ?
\v 2 କାରଣ ବିରକ୍ତି ଅଜ୍ଞାନକୁ ନାଶ କରେ ଓ ଅନ୍ତର୍ଜ୍ଜାଳା ନିର୍ବୋଧକୁ ବଧ କରେ ।
\v 3 ଅଜ୍ଞାନର ଚେର ମାଡ଼ିବାର ମୁଁ ଦେଖିଅଛି; ମାତ୍ର ହଠାତ୍‍ ତାହାର ବାସସ୍ଥାନକୁ ମୁଁ ଶାପ ଦେଲି ।
\s5
\v 4 ତାହାର ସନ୍ତାନଗଣ ରକ୍ଷାଠାରୁ ଦୂରରେ ଅଛନ୍ତି ଓ ସେମାନେ ନଗରଦ୍ୱାରରେ ମର୍ଦ୍ଦିତ ହୁଅନ୍ତି, ଅବା ସେମାନଙ୍କୁ ଉଦ୍ଧାର କରିବାକୁ କେହି ନ ଥାଏ ।
\v 5 କ୍ଷୁଧିତ ଲୋକ ସେମାନଙ୍କର ଶସ୍ୟ ଖାଇଯା'ନ୍ତି ଓ କଣ୍ଟା ମଧ୍ୟରୁ ହିଁ ତାହା ନେଇଯା'ନ୍ତି, ଆଉ ଜାଲ ସେମାନଙ୍କ ସମ୍ପତ୍ତିକି ଚାହିଁକରି ଥାଏ ।
\s5
\v 6 କାରଣ କ୍ଳେଶ ଧୂଳିରୁ ଉତ୍ପନ୍ନ ହୁଏ ନାହିଁ, କିଅବା ଦୁଃଖ ଭୂମିରୁ ଅଙ୍କୁରିତ ହୁଏ ନାହିଁ;
\v 7 ମାତ୍ର ଅଗ୍ନିକଣିକା ଯେପରି ଉପରକୁ ଉଠେ, ସେହିପରି ମନୁଷ୍ୟ ଦୁଃଖ ନିମନ୍ତେ ଜାତ ଅଟେ ।
\s5
\v 8 ମାତ୍ର ମୁଁ ପରମେଶ୍ୱରଙ୍କର ଅନ୍ଵେଷଣ କରିବି ଓ ମୁଁ ଆପଣା ବିଷୟ ପରମେଶ୍ୱରଙ୍କଠାରେ ସମର୍ପଣ କରିବି ।
\v 9 ସେ ମହାନ, ଅନନୁସନ୍ଧେୟ ଏବଂ ଅସଂଖ୍ୟ ଆଶ୍ଚର୍ଯ୍ୟ କର୍ମ କରନ୍ତି;
\v 10 ସେ ପୃଥିବୀରେ ବୃଷ୍ଟି ପ୍ରଦାନ କରନ୍ତି ଓ କ୍ଷେତ୍ରକୁ ଜଳ ପଠାନ୍ତି ।
\s5
\v 11 ଏହିରୂପେ ସେ ନୀଚ ଲୋକକୁ ଉଚ୍ଚରେ ସ୍ଥାପନ କରନ୍ତି ଓ ଶୋକାର୍ତ୍ତମାନଙ୍କୁ ରକ୍ଷା କରି ଉନ୍ନତ କରନ୍ତି ।
\v 12 ସେ ଧୂର୍ତ୍ତମାନଙ୍କର କଳ୍ପନା ବ୍ୟର୍ଥ କରନ୍ତି, ତେଣୁ ସେମାନଙ୍କ ହସ୍ତ ସେମାନଙ୍କ କାର୍ଯ୍ୟ ସାଧନ କରି ପାରେ ନାହିଁ ।
\v 13 ସେ ବୁଦ୍ଧିମାନ ଲୋକଙ୍କୁ ସେମାନଙ୍କ ଧୂର୍ତ୍ତତାରେ ଧରନ୍ତି ଓ କୁଟିଳମନାମାନଙ୍କ ମନ୍ତ୍ରଣା ଶୀଘ୍ର ବିଫଳ ହୁଏ ।
\s5
\v 14 ସେମାନେ ଦିନ ବେଳେ ଅନ୍ଧକାରଗ୍ରସ୍ତ ହୁଅନ୍ତି, ପୁଣି ମଧ୍ୟାହ୍ନରେ ରାତ୍ରିକାଳର ନ୍ୟାୟ ଦରାଣ୍ଡି ହୁଅନ୍ତି ।
\v 15 ମାତ୍ର ସେ ଦୀନହୀନକୁ ସେମାନଙ୍କ ଖଡ଼୍‍ଗରୂପ ମୁଖରୁ ଓ ପରାକ୍ରମୀମାନଙ୍କ ହସ୍ତରୁ ଉଦ୍ଧାର କରନ୍ତି ।
\v 16 ଏହେତୁ ଦରିଦ୍ର ଭରସା ପାଏ ଓ ଅଧର୍ମ ନିଜ ମୁଖ ବନ୍ଦ କରେ ।
\s5
\v 17 ଦେଖ, ପରମେଶ୍ୱର ଯାହାକୁ ଶାସନ କରନ୍ତି, ସେ ମନୁଷ୍ୟ ଧନ୍ୟ; ଏହେତୁ ତୁମ୍ଭେ ସର୍ବଶକ୍ତିମାନଙ୍କର ଶାସ୍ତି ତୁଚ୍ଛ ନ କର ।
\v 18 କାରଣ ସେ କ୍ଷତ କରନ୍ତି ଓ ବାନ୍ଧନ୍ତି; ସେ ଆଘାତ କରନ୍ତି ଓ ତାହାଙ୍କ ହସ୍ତ ସୁସ୍ଥ କରଇ;
\v 19 ସେ ଛଅଗୋଟି ସଙ୍କଟରୁ ତୁମ୍ଭକୁ ଉଦ୍ଧାର କରିବେ; ଆହୁରି, ସାତ ସଂକଟରୁ ତୁମ୍ଭକୁ କୌଣସି ଅମଙ୍ଗଳ ସ୍ପର୍ଶ କରିବ ନାହିଁ ।
\s5
\v 20 ଦୁର୍ଭିକ୍ଷ ସମୟରେ ସେ ତୁମ୍ଭକୁ ମୃତ୍ୟୁରୁ ଓ ଯୁଦ୍ଧରେ ଖଡ଼୍‍ଗର ବଳରୁ ମୁକ୍ତ କରିବେ ।
\v 21 ଜିହ୍ୱାର କୋରଡ଼ା-ପ୍ରହାରରୁ ତୁମ୍ଭେ ଗୋପନରେ ରଖାଯିବ; କିଅବା ବିନାଶ ଉପସ୍ଥିତ ହେଲେ ତୁମ୍ଭେ ଭୀତ ନୋହିବ ।
\v 22 ତୁମ୍ଭେ ବିନାଶ ଓ ଦୁର୍ଭିକ୍ଷ ପ୍ରତି ହସିବ; ଅଥବା ପୃଥିବୀର ପଶୁଗଣ ବିଷୟରେ ଭୟଗ୍ରସ୍ତ ନୋହିବ ।
\s5
\v 23 କାରଣ ପଦାର ପଥର ସଙ୍ଗେ ତୁମ୍ଭର ଚୁକ୍ତି ହେବ ଓ ପଦାର ପଶୁଗଣ ତୁମ୍ଭ ସଙ୍ଗେ ଶାନ୍ତିରେ ରହିବେ ।
\v 24 ପୁଣି, ତୁମ୍ଭର ତମ୍ବୁ ଶାନ୍ତିରେ ଅଛି, ଏହା ତୁମ୍ଭେ ଜାଣିବ ଓ ତୁମ୍ଭେ ଆପଣା ପଶୁଶାଳାକୁ ଗଲେ କିଛି ହଜି ନ ଥିବାର ଦେଖିବ ।
\v 25 ମଧ୍ୟ ତୁମ୍ଭର ବଂଶ ବହୁସଂଖ୍ୟକ ଓ ତୁମ୍ଭର ସନ୍ତାନସନ୍ତତି ଭୂମିର ତୃଣ ପରି ହେବାର ଜାଣିବ ।
\s5
\v 26 ତୁମ୍ଭେ ଯଥା ସମୟରେ ଆନୀତ ଶସ୍ୟବିଡ଼ା ତୁଲ୍ୟ ପୂର୍ଣ୍ଣାୟୁ ହୋଇ ଆପଣା କବରକୁ ଆସିବ ।
\v 27 ଦେଖ, ଆମ୍ଭେମାନେ ତାହା ଅନୁସନ୍ଧାନ କରିଅଛୁ, ତାହା ସେପରି ଅଟେ; ତାହା ଶୁଣ ଓ ଆପଣା ମଙ୍ଗଳ ନିମନ୍ତେ ତାହା ଜ୍ଞାତ ହୁଅ ।
\s5
\c 6
\s ଆୟୁବଙ୍କ ଉତ୍ତର - ମୋର ଅଭିଯୋଗ ସତ୍ୟ
\p
\v 1 ଏଥିରେ ଆୟୁବ ଉତ୍ତର କରି କହିଲା,
\v 2 "ଆହା, ଯେବେ ମୋହର ଦୁଃଖ ତୌଲା ଯାଇଥା'ନ୍ତା ଓ ମୋହର ଦୁର୍ଗତି ତରାଜୁରେ ଏକତ୍ର ରଖା ଯାଇଥା'ନ୍ତା !
\v 3 ତେବେ ତାହା ଏତେବେଳେ ସମୁଦ୍ର ବାଲିଠାରୁ ଭାରୀ ହୁଅନ୍ତା; ଏଣୁ ମୋହର ବାକ୍ୟ ଅବିବେଚନାଯୁକ୍ତ ହୋଇଅଛି ।
\s5
\v 4 କାରଣ ସର୍ବଶକ୍ତିମାନଙ୍କ ତୀରସବୁ ମୋର ଅନ୍ତରରେ ଅଛି, ମୋହର ପ୍ରାଣ ତହିଁର ବିଷ ପାନ କରୁଅଛି; ପରମେଶ୍ୱରଙ୍କ ଭୟରୂପ ସୈନ୍ୟ ମୋ' ପ୍ରତିକୂଳରେ ଶ୍ରେଣୀବଦ୍ଧ ହୁଅନ୍ତି ।
\v 5 ଘାସ ଥିଲେ କ'ଣ ବନ୍ୟଗର୍ଦ୍ଦଭ ବୋବାଏ ? ଆହାର ପାଖରେ କ'ଣ ଗୋରୁ ହମାଳେ ?
\v 6 ଅସ୍ୱାଦ ଦ୍ରବ୍ୟ କ'ଣ ଲବଣ ବିନା ଭୋଜନ କରାଯାଇପାରେ ? ଅବା ଡିମ୍ବର ଲାଳରେ କି କିଛି ସ୍ୱାଦ ଅଛି ?
\s5
\v 7 ମୋହର ପ୍ରାଣ ତାହା ସ୍ପର୍ଶ କରିବାକୁ ଅସମ୍ମତ; ତାହାସବୁ ମୋ' ପ୍ରତି ଘୃଣିତ ଭକ୍ଷ୍ୟ ସ୍ୱରୂପ ।
\v 8 ଆହା, ଯେବେ ମୁଁ ଆପଣା ବାଞ୍ଛିତ ବିଷୟ ପ୍ରାପ୍ତ ହୁଅନ୍ତି; ଯାହା ମୁଁ ଅପେକ୍ଷା କରେ, ତାହା ଯେବେ ପରମେଶ୍ୱର ମୋତେ ଦିଅନ୍ତେ ।
\v 9 ହଁ, ଯେବେ ପରମେଶ୍ୱର ଅନୁଗ୍ରହ କରି ମୋତେ ଚୂର୍ଣ୍ଣ କରନ୍ତେ; ଯେବେ ସେ ଆପଣା ହସ୍ତ ମୁକୁଳା କରି ମୋତେ ଛେଦନ କରି ପକାନ୍ତେ !
\s5
\v 10 ତାହାହେଲେ, ଏବେ ହେଁ ମୁଁ ସାନ୍ତ୍ୱନାପ୍ରାପ୍ତ ହୁଅନ୍ତି; ହଁ, ମୁଁ ନିର୍ଦ୍ଦୟ ଯାତନା ମଧ୍ୟରେ ହେଁ ଅତ୍ୟନ୍ତ ଆନନ୍ଦ କରନ୍ତି; କାରଣ ମୁଁ ଧର୍ମମୟଙ୍କର ବାକ୍ୟସବୁ ଅସ୍ୱୀକାର କରି ନାହିଁ ।
\v 11 ମୋହର ବଳ କଅଣ ଯେ, ମୁଁ ଅପେକ୍ଷା କରିବି ? ମୋହର ପରିଣାମ କଅଣ ଯେ, ମୁଁ ସହିଷ୍ଣୁ ହେବି ?
\s5
\v 12 ମୋହର ବଳ କ'ଣ ପ୍ରସ୍ତରମାନଙ୍କର ବଳ ? ଅବା ମୋହର ମାଂସ କ'ଣ ପିତ୍ତଳ ?
\v 13 ମୋ' ଦ୍ୱାରା ମୋହର କିଛି ଉପକାର ନାହିଁ ଓ ଫଳଦାୟକ କର୍ମଣ୍ୟତା ମୋ'ଠାରୁ ସମ୍ପୂର୍ଣ୍ଣ ଦୂରୀକୃତ ହୋଇଅଛି, ଏହା କ'ଣ ସତ୍ୟ ନୁହେଁ ?
\s5
\v 14 କ୍ଷୀଣ ହେବାକୁ ଉଦ୍ୟତ ଲୋକ ପ୍ରତି, ମଧ୍ୟ ସର୍ବଶକ୍ତିମାନଙ୍କ ଭୟତ୍ୟାଗୀ ଲୋକ ପ୍ରତି ବନ୍ଧୁଠାରୁ ଦୟା ପ୍ରକାଶିତ ହେବା ଉଚିତ ।
\v 15 ମୋହର ଭ୍ରାତୃଗଣ ନଦୀ ତୁଲ୍ୟ, ପ୍ରବାହିତ ନଦୀସ୍ରୋତ ତୁଲ୍ୟ ପ୍ରବଞ୍ଚନା କରିଅଛନ୍ତି
\v 16 ତାହାସବୁ ହିମ ସକାଶୁ କୃଷ୍ଣବର୍ଣ୍ଣ ଓ ତହିଁ ମଧ୍ୟରେ ତୁଷାର ଲୀନ ହୁଏ;
\v 17 ନଦୀ ଉତ୍ତପ୍ତ ହେଲେ, ତାହା ଲୁପ୍ତ ହୁଏ; ଗ୍ରୀଷ୍ମ ପାଇଲେ ସ୍ୱସ୍ଥାନରୁ ଅନ୍ତର୍ହିତ ହୁଏ ।
\s5
\v 18 ପଥିକ ଦଳ ତହିଁ ନିକଟ ଦେଇ ଯାତ୍ରା କରିବା ବେଳେ ପଥ ଛାଡ଼ନ୍ତି; ସେମାନେ ମରୁଭୂମିକି ଯାଇ ବିନଷ୍ଟ ହୁଅନ୍ତି ।
\v 19 ତେମାର ପଥିକ ଦଳ ଅନ୍ଵେଷଣ କଲେ, ଶିବାର ଯାତ୍ରୀ ଦଳ ତହିଁ ପାଇଁ ଅପେକ୍ଷା କଲେ ।
\v 20 ସେମାନେ ପ୍ରତ୍ୟାଶା କରିଥିବା ସକାଶୁ ଲଜ୍ଜିତ ହେଲେ; ସେମାନେ ସେଠାରେ ଉପସ୍ଥିତ ହୋଇ ଘାବରା ହେଲେ ।
\s5
\v 21 ଦେଖ, ଏବେ ତୁମ୍ଭେମାନେ କିଛି ନୁହଁ; ତୁମ୍ଭେମାନେ ବିପତ୍ତି ଦେଖି ଭୀତ ହେଉଅଛ ।
\v 22 ମୋତେ କିଛି ଦିଅ, ଅବା ତୁମ୍ଭମାନଙ୍କ ସମ୍ପତ୍ତିରୁ ମୋ' ପାଇଁ ଉପହାର ଯାଚ ।
\v 23 କିଅବା ବିପକ୍ଷ ହସ୍ତରୁ ମୋତେ ଉଦ୍ଧାର କର, ଅଥବା ଉପଦ୍ରବୀମାନଙ୍କ ହସ୍ତରୁ ମୋତେ ମୁକ୍ତ କର, ଏହା କି ମୁଁ କହିଲି ?
\s5
\v 24 ମୋତେ ଶିକ୍ଷା ଦିଅ, ତହିଁରେ ମୁଁ ନୀରବ ହେବି ଓ ମୁଁ କେଉଁ ବିଷୟରେ ଭୁଲିଗଲି, ତାହା ମୋତେ ବୁଝାଇ ଦିଅ ।
\v 25 ସରଳ ବାକ୍ୟ କିପରି ପ୍ରବଳ ! ମାତ୍ର ତୁମ୍ଭମାନଙ୍କ ତର୍କ କେଉଁ ଦୋଷ ବ୍ୟକ୍ତ କରେ ?
\s5
\v 26 ତୁମ୍ଭେମାନେ କ'ଣ ଶବ୍ଦର ଦୋଷ ଧରିବାକୁ କଳ୍ପନା କରୁଅଛ ? କାରଣ ନିରାଶ ଲୋକର ବାକ୍ୟ ବାୟୁ ତୁଲ୍ୟ ।
\v 27 ହଁ, ତୁମ୍ଭେମାନେ ପିତୃହୀନ ପାଇଁ ଗୁଲିବାଣ୍ଟ କରିବ ଓ ଆପଣା ବନ୍ଧୁକୁ ବାଣିଜ୍ୟ ଦ୍ରବ୍ୟ କରିବ ।
\s5
\v 28 ଏହେତୁ ଏବେ ଅନୁଗ୍ରହ କରି ମୋ' ପ୍ରତି ଦୃଷ୍ଟି କର; କାରଣ ମୁଁ ନିଶ୍ଚୟ ତୁମ୍ଭ ମୁଖ ଆଗରେ ମିଥ୍ୟା କହିବି ନାହିଁ ।
\v 29 ମୁଁ ବିନୟ କରୁଅଛି, ଫେର, କୌଣସି ଅନ୍ୟାୟ ନ ହେଉ; ହଁ, ପୁନର୍ବାର ଫେର, ମୋହର ଗୁହାରି ଯଥାର୍ଥ ।
\v 30 ମୋ' ଜିହ୍ୱାରେ କ'ଣ ଅନ୍ୟାୟ ଅଛି ? ମୋହର ରସନେନ୍ଦ୍ରିୟ କ'ଣ ଅନିଷ୍ଟ ବିଷୟ ବାରି ନ ପାରେ ?
\s5
\c 7
\s ଆୟୁବ - ମୋର ଜୀବନରେ ଭରସା ନାହିଁ
\p
\v 1 ପୃଥିବୀରେ କ'ଣ ମନୁଷ୍ୟର ଯୁଦ୍ଧ ହୁଏ ନାହିଁ ? ଓ ତାହାର ଦିନସମୂହ କ'ଣ ବେତନଜୀବୀର ଦିନ ତୁଲ୍ୟ ନୁହେଁ ?
\v 2 ଦାସ ଯେପରି ଛାୟାର ଆକାଂକ୍ଷା କରେ, ବେତନଜୀବୀ ଯେପରି ଆପଣା ବେତନର ଅପେକ୍ଷା କରେ;
\v 3 ମୁଁ ସେପରି ଅସାରତାବିଶିଷ୍ଟ ମାସମାନର ଅଧିକାରୀ କରା ଯାଇଅଛି ଓ କ୍ଳାନ୍ତିଜନକ ରାତ୍ରିମାନ ମୋ' ପାଇଁ ନିରୂପିତ ହୋଇଅଛି ।
\s5
\v 4 ମୁଁ ଶୟନ କାଳରେ କହେ, କେବେ ମୁଁ ଉଠିବି ? ମାତ୍ର ରାତ୍ରି ଦୀର୍ଘ ହୁଏ; ଆଉ, ମୁଁ ପ୍ରଭାତ ପର୍ଯ୍ୟନ୍ତ ନିରନ୍ତର ଛଟ୍‍ପଟ୍‍ ହେଉଥାଏ ।
\v 5 ମୋହର ମାଂସ କୀଟ ଓ ଧୂଳିଟେଳା ପରିହିତ; ମୋହର ଚର୍ମ ମିଶିଯାଏ ଓ ପୁନର୍ବାର ଫାଟିଯାଏ ।
\s5
\v 6 ମୋହର ଦିନ ତନ୍ତୀର ନଳୀଠାରୁ ଶୀଘ୍ରଗାମୀ ଓ ଭରସା ବିନା ବ୍ୟୟ ହୋଇଯାଏ ।
\v 7 ଆହେ, ମୋହର ପ୍ରାଣ ବାୟୁ ମାତ୍ର ବୋଲି ସ୍ମରଣ କର; ମୋହର ଚକ୍ଷୁ ଆଉ ମଙ୍ଗଳ ଦେଖିବ ନାହିଁ ।
\s5
\v 8 ଯାହାର ଚକ୍ଷୁ ମୋତେ ଦେଖେ, ସେ ଆଉ ମୋତେ ଦେଖିବ ନାହିଁ; ମୋ' ପ୍ରତି ତୁମ୍ଭର ଦୃଷ୍ଟି ପଡ଼ିବ, ମାତ୍ର ମୁଁ ନ ଥିବି ।
\v 9 ମେଘ ଯେପରି କ୍ଷୟ ପାଇ ଅନ୍ତର୍ହିତ ହୁଏ, ସେପରି ଯେ ପାତାଳକୁ ଓହ୍ଲାଇଯାଏ, ସେ ଆଉ ଉଠି ଆସିବ ନାହିଁ ।
\v 10 ସେ ଆଉ ଆପଣା ଗୃହକୁ ଫେରି ଆସିବ ନାହିଁ, କିଅବା ତାହାର ବାସସ୍ଥାନ ତାହାକୁ ଆଉ ଚିହ୍ନିବ ନାହିଁ ।
\s5
\v 11 ଏହେତୁ ମୁଁ ଆପଣା ମୁଖ ବନ୍ଦ କରିବି ନାହିଁ; ମୁଁ ଆପଣା ମନର ବେଦନାରେ କଥା କହିବି; ମୁଁ ଆପଣା ପ୍ରାଣର ତିକ୍ତତାରେ ବିଳାପ କରିବି ।
\v 12 ମୁଁ କ'ଣ ସମୁଦ୍ର ଅବା ତିମିମତ୍ସ୍ୟ ଯେ, ତୁମ୍ଭେ ମୋ' ଉପରେ ପ୍ରହରୀ ରଖୁଅଛ ?
\s5
\v 13 ମୋ' ପଲଙ୍କ ମୋତେ ସାନ୍ତ୍ୱନା ଦେବ, ମୋହର ଶଯ୍ୟା ମୋର ଦୁଃଖ ଉପଶମ କରିବ ବୋଲି କହିଲା ବେଳେ,
\v 14 ତୁମ୍ଭେ ସ୍ୱପ୍ନରେ ମୋତେ ଭୟ ଦେଖାଉଅଛ ଓ ନାନା ଦର୍ଶନ ଦ୍ୱାରା ମୋତେ ତ୍ରାସଯୁକ୍ତ କରୁଅଛ ।
\v 15 ତେଣୁ ମୋହର ପ୍ରାଣ ମୋହର ଏହି ଅସ୍ଥି ଅପେକ୍ଷା ଶ୍ୱାସରୋଧ ଓ ମରଣ ପସନ୍ଦ କରେ ।
\s5
\v 16 ମୁଁ ଆପଣା ପ୍ରାଣକୁ ଘୃଣା କରେ, ମୁଁ ସର୍ବଦା ବଞ୍ଚିବାକୁ ଇଚ୍ଛା କରେ ନାହିଁ; ମୋତେ ଛାଡ଼; କାରଣ ମୋହର ଆୟୁ ଅସାର ।
\v 17 ମୁନଷ୍ୟ କିଏ ଯେ, ତୁମ୍ଭେ ତାହା ପ୍ରତି ମନୋଯୋଗ କରିବ ଓ ତାହା ପ୍ରତି ଆପଣା ହୃଦୟ ରଖିବ,
\v 18 ଆଉ, ପ୍ରତି ପ୍ରଭାତରେ ତାହାର ତତ୍ତ୍ୱ ନେବ ଓ ପ୍ରତି ନିମିଷରେ ତାହାର ପରୀକ୍ଷା କରିବ ?
\s5
\v 19 ତୁମ୍ଭେ କେତେ କାଳ ମୋ'ଠାରୁ ଆପଣା ଦୃଷ୍ଟି ଫେରାଇବ ନାହିଁ, କିଅବା ମୁଁ ଆପଣା ଛେପ ଢୋକିବା ପର୍ଯ୍ୟନ୍ତ ମୋତେ ଛାଡ଼ି ଦେବ ନାହିଁ ?
\v 20 ହେ ମନୁଷ୍ୟ-ପ୍ରହରୀ, ମୁଁ ପାପ କଲେ ତୁମ୍ଭର କ'ଣ କରେ ? କାହିଁକି ତୁମ୍ଭେ ମୋତେ ଆପଣା ଲକ୍ଷ୍ୟ ରୂପେ ରଖିଅଛ ? ତେଣୁ ମୁଁ ଆପଣା ପ୍ରତି ଭାର ସ୍ୱରୂପ ହେଉଅଛି ?
\s5
\v 21 ପୁଣି, ତୁମ୍ଭେ କାହିଁକି ମୋହର ଅପରାଧ କ୍ଷମା କରୁ ନାହଁ ଓ ମୋହର ଅଧର୍ମ ଦୂର କରୁ ନାହଁ ? କାରଣ ଏବେ ମୁଁ ଧୂଳିରେ ଶୟନ କରିବି; ପୁଣି, ତୁମ୍ଭେ ଯତ୍ନପୂର୍ବକ ମୋହର ଅନ୍ଵେଷଣ କରିବ, ମାତ୍ର ମୁଁ ନ ଥିବି ।
\s5
\c 8
\s ବିଲ୍‍ଦଦ୍‍ - ଆୟୁବର ଅନୁତାପ ଆବଶ୍ୟକ
\p
\v 1 ଏଉତ୍ତାରେ ଶୂହୀୟ ବିଲ୍‍ଦଦ୍‍ ଉତ୍ତର କରି କହିଲା,
\v 2 "ତୁମ୍ଭେ କେତେ କାଳ ଏହିସବୁ କଥା କହିବ ? ଓ ତୁମ୍ଭ ମୁଖର ବାକ୍ୟ କେତେ କାଳ ପ୍ରବଳ ବାୟୁ ତୁଲ୍ୟ ହେବ ?
\v 3 ପରମେଶ୍ୱର କ'ଣ ବିଚାର ବିପରୀତ କରନ୍ତି ? ଅଥବା ସର୍ବଶକ୍ତିମାନ କ'ଣ ନ୍ୟାୟ ବିପରୀତ କରନ୍ତି ?
\s5
\v 4 ଯେବେ ତୁମ୍ଭର ସନ୍ତାନଗଣ ତାହାଙ୍କ ବିରୁଦ୍ଧରେ ପାପ କରିଅଛନ୍ତି ଓ ସେ ସେମାନଙ୍କୁ ସେମାନଙ୍କ ଅଧର୍ମର ହସ୍ତରେ ସମର୍ପଣ କରିଅଛନ୍ତି;
\v 5 ଯେବେ ତୁମ୍ଭେ ଯତ୍ନପୂର୍ବକ ପରମେଶ୍ୱରଙ୍କର ଅନ୍ଵେଷଣ କର; ଓ ସର୍ବଶକ୍ତିମାନଙ୍କ ନିକଟରେ ଆପଣା ନିବେଦନ ଜଣାନ୍ତ;
\s5
\v 6 ଯେବେ ତୁମ୍ଭେ ନିର୍ମଳ ଓ ସରଳ ଥା'ନ୍ତ, ତେବେ ସେ ନିଶ୍ଚୟ ଏକ୍ଷଣେ ତୁମ୍ଭ ପକ୍ଷରେ ଜାଗ୍ରତ ହୁଅନ୍ତେ, ଆଉ ତୁମ୍ଭର ଧର୍ମନିବାସକୁ ସମୃଦ୍ଧିଶାଳୀ କରନ୍ତେ ।
\v 7 ଆଉ, ତୁମ୍ଭର ପ୍ରଥମାବସ୍ଥା କ୍ଷୁଦ୍ର ହେଲେ ହେଁ ତୁମ୍ଭର ଶେଷାବସ୍ଥା ଅତିଶୟ ଉନ୍ନତ ହୁଅନ୍ତା ।
\s5
\v 8 କାରଣ ବିନୟ କରୁଅଛି, ପୂର୍ବକାଳୀନ ଲୋକଙ୍କୁ ପଚାର ଓ ସେମାନଙ୍କ ପିତୃଗଣ ଅନୁସନ୍ଧାନ କରି ଯାହା ପାଇଅଛନ୍ତି, ତହିଁରେ ମନୋଯୋଗ କର;
\v 9 କାରଣ ଆମ୍ଭେମାନେ ତ କାଲିର ଲୋକ ଓ କିଛି ଜାଣୁ ନାହୁଁ, ଯେଣୁ ପୃଥିବୀରେ ଆମ୍ଭମାନଙ୍କ ଦିନ ଛାୟା ସ୍ୱରୂପ;
\v 10 ସେମାନେ କ'ଣ ତୁମ୍ଭକୁ ଶିକ୍ଷା ଦେବେ ନାହିଁ ଓ ଜଣାଇବେ ନାହିଁ, ପୁଣି ଆପଣା ଆପଣା ଅନ୍ତଃକରଣରୁ କ'ଣ ବାକ୍ୟ ଉଚ୍ଚାରଣ କରିବେ ନାହିଁ ?
\s5
\v 11 ପଙ୍କ ବିନା କ'ଣ ନଳ ବଢ଼ିପାରେ ? ଜଳ ବିନା କ'ଣ ସନ୍ତରା ବଢ଼ିପାରେ ?
\v 12 ତାହା ସତେଜ ଥାଉ ଥାଉ ଓ କଟା ନୋହୁଣୁ ଅନ୍ୟାନ୍ୟ ତୃଣ ପୂର୍ବରୁ ଶୁଷ୍କ ହୁଏ ।
\s5
\v 13 ଯେଉଁମାନେ ପରମେଶ୍ୱରଙ୍କୁ ପାସୋରନ୍ତି, ସେସମସ୍ତଙ୍କର ପଥ ଏହି ପ୍ରକାର ଓ ଧର୍ମହୀନ ଲୋକର ଭରସା ବିନଷ୍ଟ ହେବ,
\v 14 ତାହାର ପ୍ରତ୍ୟାଶା ଉଚ୍ଛିନ୍ନ ହେବ, ଯେଣୁ ତାହାର ଆଶ୍ରୟ ମାକଡ଼ସାର ଜାଲ ସ୍ୱରୂପ ।
\v 15 ସେ ଆପଣା ଗୃହ ଉପରେ ଆଉଜିବ, ମାତ୍ର ତାହା ସ୍ଥିର ରହିବ ନାହିଁ; ସେ ତାହା ଦୃଢ଼ କରି ଅବଲମ୍ବନ କରିବ, ମାତ୍ର ତାହା ରହିବ ନାହିଁ ।
\s5
\v 16 ସେ ସୂର୍ଯ୍ୟ ସାକ୍ଷାତରେ ସତେଜ ହୁଏ, ତାହାର କୋମଳ ଶାଖା ତାହାର ଉଦ୍ୟାନରେ ମାଡ଼ିଯାଏ ।
\v 17 ତାହାର ଚେର ପ୍ରସ୍ତରରାଶିରେ ଜଡ଼ିତ ହୁଏ, ସେ ପ୍ରସ୍ତରର ସ୍ଥଳ ଦେଖେ ।
\v 18 ଯେବେ ସେ ଆପଣା ସ୍ଥାନରୁ ବିନଷ୍ଟ ହେବ, ତେବେ ସେହି ସ୍ଥାନ ତାହାକୁ ଅସ୍ୱୀକାର କରି କହିବ, ମୁଁ ତୁମ୍ଭକୁ ଦେଖି ନାହିଁ ।
\s5
\v 19 ଦେଖ, ଏହି ତାହାର ଗତିର ଆମୋଦ, ଏଉତ୍ତାରେ ଭୂମିରୁ ଅନ୍ୟମାନେ ଉଠିବେ ।
\v 20 ଦେଖ, ପରମେଶ୍ୱର ସିଦ୍ଧ ଲୋକକୁ ଦୂର କରିବେ ନାହିଁ, କିଅବା ସେ ଦୁଷ୍କର୍ମକାରୀମାନଙ୍କୁ ଧରି ରଖିବେ ନାହିଁ ।
\s5
\v 21 ତେବେ ହେଁ ସେ ତୁମ୍ଭ ମୁଖକୁ ହାସ୍ୟରେ ଓ ତୁମ୍ଭ ଓଷ୍ଠାଧରକୁ ଆନନ୍ଦଧ୍ୱନିରେ ପୂର୍ଣ୍ଣ କରିବେ ।
\v 22 ତୁମ୍ଭର ଘୃଣାକାରୀମାନେ ଲଜ୍ଜା ପରିହିତ ହେବେ ଓ ଦୁଷ୍ଟର ତମ୍ବୁ ଆଉ ରହିବ ନାହିଁ ।
\s5
\c 9
\s ଆୟୁବ - ନିଷ୍ପତ୍ତିକାରୀ କେହି ନାହାନ୍ତି
\p
\v 1 ଏଥିରେ ଆୟୁବ ଉତ୍ତର କରି କହିଲା,
\v 2 "ଏହା ସତ୍ୟ ବୋଲି ମୁଁ ନିଶ୍ଚୟ ଜାଣେ; ମାତ୍ର କିରୂପେ ମନୁଷ୍ୟ ପରମେଶ୍ୱରଙ୍କ ନିକଟରେ ଧାର୍ମିକ ହୋଇପାରେ ?
\v 3 ସେ ତାହା ସଙ୍ଗେ ବାଦାନୁବାଦ କରିବାକୁ ଇଚ୍ଛା କଲେ, ମନୁଷ୍ୟ ତାହାଙ୍କୁ ସହସ୍ର କଥା ମଧ୍ୟରୁ ଗୋଟିକର ଉତ୍ତର ଦେଇ ପାରିବ ନାହିଁ ।
\s5
\v 4 ସେ ମନରେ ଜ୍ଞାନବାନ ଓ ବଳରେ ପରାକ୍ରାନ୍ତ; କିଏ ତାହାଙ୍କ ବିରୁଦ୍ଧରେ ଆପଣାକୁ ପ୍ରବଳ କରି ମଙ୍ଗଳ ପାଇଅଛି ?
\v 5 ସେ ପର୍ବତଗଣକୁ ସ୍ଥାନାନ୍ତର କରନ୍ତି, ସେ ଆପଣା କ୍ରୋଧରେ ସେମାନଙ୍କୁ ଓଲଟାଇ ପକାଇବା ବେଳେ ସେମାନେ ତାହା ଜାଣନ୍ତି ନାହିଁ ।
\v 6 ସେ ପୃଥିବୀକି ସ୍ୱସ୍ଥାନରୁ ହଲାଇ ଦିଅନ୍ତି ଓ ତହିଁର ସ୍ତମ୍ଭମାନ ଟଳଟଳ ହୁଏ ।
\s5
\v 7 ସେ ବାରଣ କଲେ, ସୂର୍ଯ୍ୟ ଉଦିତ ହୁଏ ନାହିଁ ଓ ସେ ତାରାଗଣକୁ ବନ୍ଦ କରି ମୁଦ୍ରାଙ୍କିତ କରନ୍ତି ।
\v 8 ସେ ଏକାକୀ ଆକାଶମଣ୍ଡଳ ପ୍ରସାରନ୍ତି ଓ ସମୁଦ୍ରର ତରଙ୍ଗ ଉପରେ ଗମନ କରନ୍ତି ।
\v 9 ସେ ସପ୍ତର୍ଷି, ମୃଗଶୀର୍ଷ ଓ କୃତ୍ତିକା ଓ ଦକ୍ଷିଣସ୍ଥ ମଣ୍ଡଳ ସୃଷ୍ଟି କରନ୍ତି ।
\s5
\v 10 ସେ ଅନୁଦ୍ଦେଶ୍ୟ ମହାକାର୍ଯ୍ୟ ଓ ଅସଂଖ୍ୟ ଆଶ୍ଚର୍ଯ୍ୟ କ୍ରିୟା କରନ୍ତି ।
\v 11 ଦେଖ, ସେ ମୋ' ନିକଟରେ ଗମନ କରନ୍ତି, ମାତ୍ର ମୁଁ ତାହାଙ୍କୁ ଦେଖେ ନାହିଁ; ମଧ୍ୟ ସେ ଚାଲିଗଲେ, ମୁଁ ତାହାଙ୍କୁ ଚିହ୍ନେ ନାହିଁ ।
\v 12 ଦେଖ, ସେ ଶିକାର ଧରିଲେ, କିଏ ତାହାଙ୍କୁ ନିବାରଣ କରି ପାରେ ? ତୁମ୍ଭେ କଅଣ କରୁଅଛ, ଏହା କିଏ ତାହାଙ୍କୁ କହିବ ?
\s5
\v 13 ପରମେଶ୍ୱର ଆପଣା କ୍ରୋଧ ପ୍ରତ୍ୟାହାର କରିବେ ନାହିଁ; ରାହବର ସହାୟଗଣ ତାହାଙ୍କ ପାଦ ତଳେ ନତ ହୁଅନ୍ତି ।
\v 14 ତେବେ ମୁଁ ତାହାଙ୍କୁ କେତେ ଅଳ୍ପ ଉତ୍ତର ଦେବି ? ଓ ତାହାଙ୍କ ସଙ୍ଗେ ଯୁକ୍ତି କରିବାକୁ ଆପଣା କଥା ବାଛିବି ?
\v 15 ମୁଁ ଧାର୍ମିକ ହେଲେ ହେଁ ତାହାଙ୍କୁ ଉତ୍ତର ଦିଅନ୍ତି ନାହିଁ; ମୁଁ ଆପଣା ବିପକ୍ଷ ନିକଟରେ ବିନତି କରନ୍ତି ।
\s5
\v 16 ଯେବେ ମୁଁ ଡାକିଥା'ନ୍ତି ଓ ସେ ମୋତେ ଉତ୍ତର ଦେଇଥା'ନ୍ତେ, ତେବେ ହେଁ ସେ ମୋ' ରବରେ ମନୋଯୋଗ କଲେ ବୋଲି ମୁଁ ବିଶ୍ୱାସ କରନ୍ତି ନାହିଁ ।
\v 17 କାରଣ ସେ ବତାସରେ ମୋତେ ଭାଙ୍ଗି ପକାନ୍ତି ଓ ଅକାରଣରେ ମୋହର କ୍ଷତ ବୃଦ୍ଧି କରନ୍ତି ।
\v 18 ସେ ମୋତେ ନିଶ୍ୱାସ ମାରିବାକୁ ଦିଅନ୍ତି ନାହିଁ, ମାତ୍ର ମୋତେ ତିକ୍ତତାରେ ପୂର୍ଣ୍ଣ କରନ୍ତି ।
\s5
\v 19 ଆମ୍ଭେମାନେ ବିକ୍ରମୀର ବଳର କଥା କହିଲେ, ଦେଖ, ସେ ଅଛନ୍ତି ! ଓ ବିଚାରର କଥା କହିଲେ, କିଏ ମୋ' ପାଇଁ ସମୟ ନିରୂପଣ କରିବ ?
\v 20 ମୁଁ ଧାର୍ମିକ ହେଲେ ହେଁ ମୋର ନିଜ ମୁଖ ମୋତେ ଦୋଷୀ କରିବ । ମୁଁ ସିଦ୍ଧ ହେଲେ ହେଁ ମୋତେ କୁଟିଳ ବୋଲି ତାହା ପ୍ରମାଣ କରିବ ।
\s5
\v 21 ମୁଁ ସିଦ୍ଧ, ମୁଁ ଆପଣାକୁ ମାନ୍ୟ କରେ ନାହିଁ; ମୁଁ ଆପଣା ଜୀବନକୁ ତୁଚ୍ଛ କରେ ।
\v 22 ସବୁ ତ ସମାନ; ଏଥିପାଇଁ ମୁଁ କହେ, ସେ ସିଦ୍ଧ ଓ ଦୁଷ୍ଟକୁ ସଂହାର କରନ୍ତି ।
\v 23 ଯେବେ କୋରଡ଼ା ହଠାତ୍‍ ମାରିପକାଏ, ସେ ନିର୍ଦ୍ଦୋଷର ପରୀକ୍ଷାରେ ହସିବେ ।
\v 24 ପୃଥିବୀ ଦୁଷ୍ଟମାନଙ୍କ ହସ୍ତରେ ସମର୍ପିତ ହୋଇଅଛି; ସେ ତହିଁର ବିଚାରକର୍ତ୍ତୃଗଣର ମୁଖ ଆଚ୍ଛାଦନ କରନ୍ତି; ଯେବେ ସେ ନ କରନ୍ତି, ତେବେ ଆଉ କିଏ ?
\s5
\v 25 ମୋହର ଦିନସବୁ ଡାକ ଅପେକ୍ଷା ଶୀଘ୍ରଗାମୀ; ତାହାସବୁ ପଳାଇଯାଏ, କୌଣସି ମଙ୍ଗଳର ଦର୍ଶନ ପାଏ ନାହିଁ ।
\v 26 ତାହାସବୁ ବେଗଗାମୀ ଜାହାଜ ପରି ଓ ଶିକାର ଉପରେ ଝାମ୍ପ ମାରିବା ଉତ୍କ୍ରୋଶ ପକ୍ଷୀ ପରି ଚାଲିଯାଏ ।
\s5
\v 27 ଯେବେ ମୁଁ କହେ, ମୁଁ ଆପଣା ବିଳାପ ଭୁଲିଯିବି, ମୁଁ ଆପଣା ବିଷଣ୍ଣ ମୁଖ ଦୂର କରି ହୃଷ୍ଟଚିତ୍ତ ହେବି;
\v 28 ମୁଁ ଆପଣା ସକଳ ଦୁଃଖ ବିଷୟରେ ଭୀତ ହୁଏ, ମୁଁ ଜାଣେ, ତୁମ୍ଭେ ମୋତେ ନିର୍ଦ୍ଦୋଷ ଜ୍ଞାନ କରିବ ନାହିଁ ।
\v 29 ମୁଁ ଦୋଷୀକୃତ ହେବି; ତେବେ ମୁଁ କାହିଁକି ବୃଥା ପରିଶ୍ରମ କରୁଅଛି ?
\s5
\v 30 ଯେବେ ମୁଁ ହିମଜଳରେ ଆପଣାକୁ ଧୌତ କରେ ଓ ଆପଣା ହସ୍ତ ଅତିଶୟ ପରିଷ୍କାର କରେ,
\v 31 ତେବେ ହେଁ ତୁମ୍ଭେ ମୋତେ ଗର୍ତ୍ତରେ ମଗ୍ନ କରିବ ଓ ମୋହର ନିଜ ବସ୍ତ୍ର ମୋତେ ଘୃଣା କରିବ ।
\s5
\v 32 କାରଣ ସେ ମୋ' ପରି ମନୁଷ୍ୟ ନୁହନ୍ତି ଯେ, ମୁଁ ତାହାଙ୍କୁ ଉତ୍ତର ଦେବି ଓ ଆମ୍ଭେମାନେ ଏକତ୍ର ବିଚାରସ୍ଥାନକୁ ଆସିବା ।
\v 33 ଆମ୍ଭ ଦୁହିଁଙ୍କ ଉପରେ ହସ୍ତାର୍ପଣ କରିବାକୁ ସମର୍ଥ କୌଣସି ମଧ୍ୟସ୍ଥ ଆମ୍ଭମାନଙ୍କ ମଧ୍ୟରେ ନାହିଁ ।
\s5
\v 34 ସେ ମୋ'ଠାରୁ ଆପଣା ଯଷ୍ଟି ଦୂର କରନ୍ତୁ ଓ ତାହାଙ୍କ ଭୟଙ୍କରତା ମୋତେ ଭୀତ ନ କରୁ;
\v 35 ତେବେ ମୁଁ ତାହାଙ୍କୁ ଭୟ ନ କରି କଥା କହିବି; କାରଣ ମୁଁ ନିଜେ ସେରୂପ ନୁହେଁ ।
\s5
\c 10
\s ଆୟୁବ - ଈଶ୍ୱରଙ୍କୁ ବିନତି
\p
\v 1 ମୋ' ପ୍ରାଣ ମୋ' ଜୀବନ ବିଷୟରେ କ୍ଳାନ୍ତ ହୋଇଅଛି, ମୁଁ ଆପଣା ଦୁଃଖ ସ୍ୱଚ୍ଛନ୍ଦରେ କହିବି; ମୁଁ ଆପଣା ପ୍ରାଣର ତିକ୍ତତାରେ କହିବି ।
\v 2 ମୁଁ ପରମେଶ୍ୱରଙ୍କୁ କହିବି, "ମୋତେ ଦୋଷୀ କର ନାହିଁ; କିହେତୁ ମୋ' ସଙ୍ଗେ ବିରୋଧ କରୁଅଛ, ତାହା ମୋତେ ଜଣାଅ ।
\v 3 ତୁମ୍ଭେ ଯେ ଉପଦ୍ରବ କରିବ, ତୁମ୍ଭେ ଯେ ଆପଣା ହସ୍ତର କର୍ମ ତୁଚ୍ଛ କରିବ ଓ ଦୁଷ୍ଟର ମନ୍ତ୍ରଣାରେ ପ୍ରସନ୍ନ ହେବ, ଏହା କ'ଣ ତୁମ୍ଭ ପ୍ରତି ଭଲ ?
\s5
\v 4 ତୁମ୍ଭର କ'ଣ ଚର୍ମର ଚକ୍ଷୁ ଅଛି ? ଅବା ମନୁଷ୍ୟ ଯେପରି ଦେଖେ, ତୁମ୍ଭେ କ'ଣ ସେପରି ଦେଖୁଅଛ ?
\v 5 ତୁମ୍ଭର ଆୟୁ କ'ଣ ମନୁଷ୍ୟର ଆୟୁ ତୁଲ୍ୟ, ଅବା ତୁମ୍ଭର ବର୍ଷସମୂହ କ'ଣ ମନୁଷ୍ୟର ଦିନସମୂହ ତୁଲ୍ୟ
\v 6 ଯେ, ତୁମ୍ଭେ ମୋହର ଅଧର୍ମ ଅନୁସନ୍ଧାନ କରୁଅଛ ଓ ମୋହର ପାପ ଅନ୍ଵେଷଣ କରୁଅଛ ?
\v 7 ତୁମ୍ଭେ ତ ଜାଣ, ମୁଁ ଦୁଷ୍ଟ ନୁହେଁ ଓ ତୁମ୍ଭ ହସ୍ତରୁ ଉଦ୍ଧାର କରିବାକୁ କେହି ସମର୍ଥ ନୁହେଁ ।
\s5
\v 8 ତୁମ୍ଭର ହସ୍ତ ମୋତେ ଗଢ଼ିଅଛି ଓ ସର୍ବାଙ୍ଗ ସୁସଂଯୁକ୍ତ କରି ମୋତେ ନିର୍ମାଣ କରିଅଛି; ତଥାପି ତୁମ୍ଭେ ମୋତେ ସଂହାର କରୁଅଛ ।
\v 9 ମୁଁ ବିନୟ କରୁଅଛି, ସ୍ମରଣ କର, ତୁମ୍ଭେ ମୋତେ ମୃତ୍ତିକା ତୁଲ୍ୟ ଗଢ଼ିଅଛ ଓ ତୁମ୍ଭେ କ'ଣ ମୋତେ ପୁନର୍ବାର ଧୂଳି କରିବ ?
\s5
\v 10 ତୁମ୍ଭେ କ'ଣ ଦୁଗ୍‍ଧ ନ୍ୟାୟ ମୋତେ ଢାଳି ନାହଁ ଓ ଛେନା ତୁଲ୍ୟ ମୋତେ ଶକ୍ତ କରି ନାହଁ ?
\v 11 ତୁମ୍ଭେ ମୋତେ ଚର୍ମ ଓ ମାଂସରେ ବସ୍ତ୍ରାନ୍ୱିତ କରିଅଛ, ପୁଣି ଅସ୍ଥି ଓ ଶିରାରେ ମୋତେ ଏକତ୍ର ବୁଣିଅଛ ।
\s5
\v 12 ତୁମ୍ଭେ ମୋତେ ଜୀବନ ଓ ଅନୁଗ୍ରହ ଦାନ କରିଅଛ ଓ ତୁମ୍ଭର ତତ୍ତ୍ୱାବଧାରଣ ମୋର ଆତ୍ମାକୁ ରକ୍ଷା କରିଅଛି ।
\v 13 ତଥାପି ତୁମ୍ଭେ ଏହିସବୁ ବିଷୟ ଆପଣା ମନରେ ଗୁପ୍ତ କରି ରଖିଅଛ; ମୁଁ ଜାଣେ, ଏହା ହିଁ ତୁମ୍ଭର ବିଚାର;
\v 14 ମୁଁ ପାପ କଲେ, ତୁମ୍ଭେ ମୋତେ ଲକ୍ଷ୍ୟ କରୁଅଛ ଓ ତୁମ୍ଭେ ମୋର ଅଧର୍ମରୁ ମୋତେ ମୁକ୍ତ କରିବ ନାହିଁ ।
\s5
\v 15 ମୁଁ ଦୁଷ୍ଟ ହେଲେ, ମୋର ସନ୍ତାପ ହେବ, ପୁଣି ମୁଁ ଧାର୍ମିକ ହେଲେ ହେଁ ଅବମାନନାରେ ପୂର୍ଣ୍ଣ ହେବାରୁ ଓ ଆପଣା କ୍ଳେଶ ପ୍ରତି ଅନାଇବାରୁ ଆପଣା ମସ୍ତକ ଟେକି ପାରୁ ନାହିଁ ।
\v 16 ମାତ୍ର ମୋର ମସ୍ତକ ଆପେ ଟେକି ହେଲେ, ତୁମ୍ଭେ ସିଂହ ପରି ମୋତେ ମୃଗୟା କରୁଅଛ ଓ ତୁମ୍ଭେ ପୁନର୍ବାର ମୋ' ପ୍ରତି ଆପଣାକୁ ଅଦ୍ଭୁତ ଦେଖାଉଅଛ ।
\s5
\v 17 ତୁମ୍ଭେ ମୋ' ବିରୁଦ୍ଧରେ ନୂଆ ନୂଆ ସାକ୍ଷୀ ଆଣୁଅଛ ଓ ତୁମ୍ଭେ ମୋ' ଉପରେ ଆପଣା କ୍ରୋଧ ବୃଦ୍ଧି କରୁଅଛ; ନୂତନ ନୂତନ ସୈନ୍ୟଦଳ ମୋହର ପ୍ରତିକୂଳ ।
\s5
\v 18 ତେବେ ତୁମ୍ଭେ କାହିଁକି ମୋତେ ଗର୍ଭରୁ ବାହାର କରି ଆଣିଅଛ ? ମୁଁ ପ୍ରାଣତ୍ୟାଗ କରିଥା'ନ୍ତି ଓ କୌଣସି ଚକ୍ଷୁ ମୋତେ ଦେଖି ନ ଥା'ନ୍ତା,
\v 19 ମୁଁ ଅଜାତର ତୁଲ୍ୟ ହୋଇଥା'ନ୍ତି; ମୁଁ ଗର୍ଭରୁ କବରକୁ ଘେନା ଯାଇଥା'ନ୍ତି ।
\s5
\v 20 ମୋହର ଦିନ କ'ଣ ଅଳ୍ପ ନୁହେଁ ? ତେବେ କ୍ଷାନ୍ତ ହୁଅ,
\v 21 ମୋତେ ଛାଡ଼ି ଦିଅ, ତହିଁରେ ମୁଁ ଯେଉଁ ସ୍ଥାନରୁ ଫେରି ଆସିବି ନାହିଁ, ଏପରି ଅନ୍ଧକାର ଓ ମୃତ୍ୟୁଚ୍ଛାୟାରୂପ ଦେଶକୁ ଯିବା ପୂର୍ବେ ମୁଁ କ୍ଷଣକାଳ ସାନ୍ତ୍ୱନା ପାଇବି;
\v 22 ସେ ଦେଶ ଅନ୍ଧକାର ତୁଲ୍ୟ ନିବିଡ଼ ଅନ୍ଧକାରମୟ; ସେ ଦେଶ ମୃତ୍ୟୁଚ୍ଛାୟାମୟ, ସୁଧାରାବିହୀନ ଓ ସେଠାରେ ଦୀପ୍ତି ଅନ୍ଧକାରର ସମାନ ।"
\s5
\c 11
\s ସୋଫର - ଅଧିକ ମନ୍ଦ ଆବଶ୍ୟକ
\p
\v 1 ଏଥିରେ ନାମାଥୀୟ ସୋଫର ଉତ୍ତର କରି କହିଲା,
\v 2 "ଏତେ କଥାର କି କିଛି ଉତ୍ତର ଦିଆଯିବ ନାହିଁ ? ଓ ବକୁଆ ଲୋକ କ'ଣ ନିର୍ଦ୍ଦୋଷ ଗଣାଯିବ ?
\v 3 ତୁମ୍ଭର ଦର୍ପ କ'ଣ ଲୋକମାନଙ୍କୁ ନୀରବ କରିବ ? ଓ ତୁମ୍ଭେ ପରିହାସ କଲେ, କେହି କ'ଣ ତୁମ୍ଭକୁ ଲଜ୍ଜିତ କରିବ ନାହିଁ ?
\s5
\v 4 କାରଣ ତୁମ୍ଭେ କହୁଅଛ, ମୋହର ବାକ୍ୟ ଶୁଦ୍ଧ, ମୁଁ ତୁମ୍ଭ ଦୃଷ୍ଟିରେ ଶୁଚି ।
\v 5 ମାତ୍ର ଆହା, ଯେବେ ପରମେଶ୍ୱର କଥା କହନ୍ତେ ଓ ତୁମ୍ଭ ପ୍ରତିକୂଳରେ ଆପଣା ଓଷ୍ଠାଧର ଫିଟାନ୍ତେ;
\v 6 ପୁଣି, ଜ୍ଞାନର ନିଗୂଢ଼ ତତ୍ତ୍ୱ, ଅର୍ଥାତ୍‍, ତହିଁର ବହୁବିଧ ଫଳଦାୟକ କର୍ମଣ୍ୟତା ତୁମ୍ଭକୁ ଜ୍ଞାତ କରାନ୍ତେ ! ଏହେତୁ ଜାଣ ଯେ, ପରମେଶ୍ୱର ତୁମ୍ଭ ଅପରାଧ ଅପେକ୍ଷା ଊଣା ପରିଶୋଧ ତୁମ୍ଭଠାରୁ ନେଉଅଛନ୍ତି ।
\s5
\v 7 ତୁମ୍ଭେ କ'ଣ ଅନୁସନ୍ଧାନ ଦ୍ୱାରା ପରମେଶ୍ୱରଙ୍କୁ ପାଇପାର ? ତୁମ୍ଭେ କ'ଣ ସର୍ବଶକ୍ତିମାନଙ୍କର ସମ୍ପୂର୍ଣ୍ଣ ତତ୍ତ୍ୱ ପାଇପାର ?
\v 8 ତାହା ଆକାଶ ତୁଲ୍ୟ ଉଚ୍ଚ; ତୁମ୍ଭେ କଅଣ କରିପାର ? ପାତାଳଠାରୁ ଗଭୀର; ତୁମ୍ଭେ କଅଣ ଜାଣିପାର ?
\v 9 ତହିଁର ପରିମାଣ ପୃଥିବୀ ଅପେକ୍ଷା ଦୀର୍ଘ ଓ ସମୁଦ୍ର ଅପେକ୍ଷା ପ୍ରଶସ୍ତ ।
\s5
\v 10 ଯେବେ ସେ ଚାଲିଯା'ନ୍ତି ଓ ବନ୍ଦ କରନ୍ତି ଓ ବିଚାରସଭାକୁ ଡାକନ୍ତି, ତେବେ କିଏ ତାହାଙ୍କୁ ବାରଣ କରିପାରେ ?
\v 11 କାରଣ ସେ ଅସାର ଲୋକଙ୍କୁ ଜାଣନ୍ତି; ସେ ଆଲୋଚନା ନ କରି ହିଁ ଅଧର୍ମ ଦେଖନ୍ତି ।
\v 12 ମାତ୍ର ଅସାର ମନୁଷ୍ୟ ବୁଦ୍ଧିବିହୀନ, ହଁ, ବନ୍ୟ ଗର୍ଦ୍ଦଭଶାବକ ତୁଲ୍ୟ ମନୁଷ୍ୟ ଜାତ ଅଟେ ।
\s5
\v 13 ଯେବେ ତୁମ୍ଭେ ଯଥାର୍ଥ ରୂପେ ଆପଣା ଅନ୍ତଃକରଣ ସୁସ୍ଥିର କରି ତାହାଙ୍କ ଆଡ଼େ ଆପଣା ହସ୍ତ ବିସ୍ତାର କର;
\v 14 ଯେବେ ତୁମ୍ଭ ହସ୍ତରେ ଅଧର୍ମ ଥାଏ, ତାହା ଦୂର କରି ଦିଅ ଓ ଅଧର୍ମକୁ ତୁମ୍ଭ ତମ୍ବୁରେ ବାସ କରିବାକୁ ନ ଦିଅ;
\s5
\v 15 ତେବେ ତୁମ୍ଭେ ନିଶ୍ଚୟ କଳଙ୍କରହିତ ହୋଇ ଆପଣା ମୁଖ ଟେକିବ; ଆହୁରି, ତୁମ୍ଭେ ସୁସ୍ଥିର ହେବ ଓ ଭୟ କରିବ ନାହିଁ;
\v 16 ତୁମ୍ଭେ ଆପଣା ଦୁଃଖ ପାସୋରି ପକାଇବ; ବହିଗଲା ଜଳ ତୁଲ୍ୟ ତାହା ସ୍ମରଣ କରିବ;
\v 17 ତୁମ୍ଭର ଜୀବନ ମଧ୍ୟାହ୍ନ ଅପେକ୍ଷା ନିର୍ମଳ ହେବ; ଅନ୍ଧକାର ଥିଲେ ହେଁ ତାହା ପ୍ରଭାତ ତୁଲ୍ୟ ହେବ ।
\s5
\v 18 ପୁଣି, ଭରସା ଥିବାରୁ ତୁମ୍ଭେ ନିର୍ବିଘ୍ନରେ ରହିବ; ଆହୁରି, ତୁମ୍ଭେ ଆପଣା ଚତୁର୍ଦ୍ଦିଗ ଅନ୍ଵେଷଣ କରି ନିରାପଦରେ ବିଶ୍ରାମ କରିବ ।
\v 19 ମଧ୍ୟ ତୁମ୍ଭେ ଶୟନ କଲେ, କେହି ତୁମ୍ଭକୁ ଭୀତ କରିବ ନାହିଁ; ବରଞ୍ଚ ଅନେକେ ତୁମ୍ଭ ନିକଟରେ ନିବେଦନ କରିବେ ।
\s5
\v 20 ମାତ୍ର ଦୁଷ୍ଟମାନଙ୍କର ଚକ୍ଷୁ ନିସ୍ତେଜ ହେବ ଓ ସେମାନଙ୍କର ପଳାଇବାର ବାଟ ରହିବ ନାହିଁ, ଆଉ ସେମାନଙ୍କର ଭରସା ପ୍ରାଣତ୍ୟାଗରେ ପରିଣତ ହେବ ।"
\s5
\c 12
\s ଆୟୁବ - ଈଶ୍ୱର ତାହା କରିଛନ୍ତି
\p
\v 1 ତହୁଁ ଆୟୁବ ଉତ୍ତର କରି କହିଲା,
\v 2 "ତୁମ୍ଭେମାନେ ତ ଲୋକ, ସନ୍ଦେହ ନାହିଁ, ତୁମ୍ଭମାନଙ୍କ ସଙ୍ଗେ ସଙ୍ଗେ ଜ୍ଞାନ ମରିଯିବ ।
\v 3 ମାତ୍ର ତୁମ୍ଭମାନଙ୍କ ପରି ଆମ୍ଭର ବୁଦ୍ଧି ଅଛି; ମୁଁ ତୁମ୍ଭମାନଙ୍କଠାରୁ ଊଣା ନୁହେଁ; ହଁ, ଏପରି କଥାସବୁ କିଏ ନ ଜାଣେ ?
\s5
\v 4 ମୁଁ ପ୍ରତିବାସୀର ହାସ୍ୟାସ୍ପଦ ଲୋକ ତୁଲ୍ୟ ହୋଇଅଛି, ସେ ପରମେଶ୍ୱରଙ୍କୁ ଡାକନ୍ତେ, ସେ ତାହାକୁ ଉତ୍ତର ଦେଲେ; ଧାର୍ମିକ, ସିଦ୍ଧ ଲୋକ ହାସ୍ୟାସ୍ପଦ ହୋଇଅଛି ।
\v 5 ସୁଖରେ ଥିବା ଲୋକର ବୋଧରେ ବିପଦ ତୁଚ୍ଛନୀୟ; ଯେଉଁମାନଙ୍କର ପାଦ ଖସିଯାଏ, ସେମାନଙ୍କ ନିମନ୍ତେ ତାହା ପ୍ରସ୍ତୁତ ।
\v 6 ଡକାଇତମାନଙ୍କର ତମ୍ବୁ ନିରାପଦ ହୁଏ ଓ ପରମେଶ୍ୱରଙ୍କୁ ବିରକ୍ତ କରିବା ଲୋକେ ନିର୍ବିଘ୍ନରେ ରହନ୍ତି; ପରମେଶ୍ୱର ସେମାନଙ୍କ ହସ୍ତରେ ବହୁତ ଦିଅନ୍ତି ।
\s5
\v 7 ମାତ୍ର ଏବେ ପଶୁମାନଙ୍କୁ ପଚାର, ସେମାନେ ତୁମ୍ଭକୁ ଶିକ୍ଷା ଦେବେ ଓ ଆକାଶର ପକ୍ଷୀମାନଙ୍କୁ ପଚାର, ସେମାନେ ତୁମ୍ଭକୁ ଜଣାଇବେ;
\v 8 ଅବା ପୃଥିବୀକି ବୋଲ, ସେ ତୁମ୍ଭକୁ ଶିକ୍ଷା ଦେବ ଓ ସମୁଦ୍ରର ମତ୍ସ୍ୟମାନେ ତୁମ୍ଭ ପ୍ରତି ପ୍ରକାଶ କରିବେ ।
\s5
\v 9 ସଦାପ୍ରଭୁଙ୍କ ହସ୍ତ ଯେ ଏହା କରିଅଛି, ଏସକଳ ଦ୍ୱାରା କିଏ ନ ଜାଣେ ?
\v 10 ତାହାଙ୍କ ହସ୍ତରେ ପ୍ରତ୍ୟେକ ଜୀବର ପ୍ରାଣ ଓ ସମୁଦାୟ ନରବଂଶର ଶ୍ୱାସବାୟୁ ଅଛି ।
\s5
\v 11 ଯେପରି ରସନା ଖାଦ୍ୟର ଆସ୍ୱାଦ ପାଏ, ସେପରି କର୍ଣ୍ଣ କ'ଣ କଥାର ପରୀକ୍ଷା ନ କରେ ?
\v 12 ପ୍ରାଚୀନମାନଙ୍କଠାରେ ଜ୍ଞାନ ଅଛି ଓ ଦୀର୍ଘାୟୁରେ ବୁଦ୍ଧି ଥାଏ ।
\s5
\v 13 ତାହାଙ୍କଠାରେ ଜ୍ଞାନ ଓ ପରାକ୍ରମ ଥାଏ; ତାହାଙ୍କର ମନ୍ତ୍ରଣା ଓ ବୁଦ୍ଧି ଅଛି ।
\v 14 ଦେଖ, ସେ ଭାଙ୍ଗି ପକାନ୍ତି, ଆଉ ତାହା ପୁନର୍ନିର୍ମିତ ହୋଇ ନ ପାରେ; ସେ ମନୁଷ୍ୟକୁ ରୁଦ୍ଧ କଲେ, ଆଉ ମୁକୁଳା ହୋଇ ନ ପାରେ ।
\v 15 ଦେଖ, ସେ ଜଳରାଶିକି ଅଟକାଇଲେ, ତାହାସବୁ ଶୁଷ୍କ ହୋଇଯାଏ; ପୁନର୍ବାର ସେ ତାହା ପଠାଇ ଦେଲେ, ତାହା ପୃଥିବୀକୁ ଓଲଟପାଲଟ କରି ପକାଏ ।
\s5
\v 16 ତାହାଙ୍କଠାରେ ବଳ ଓ ଫଳଦାୟକ କର୍ମଣ୍ୟତା ଥାଏ; ଭ୍ରାନ୍ତ ଓ ଭ୍ରାମକ ତାହାଙ୍କର ।
\v 17 ସେ ମନ୍ତ୍ରୀମାନଙ୍କୁ ଲୁଟିତ କରି ନେଇଯା'ନ୍ତି ଓ ବିଚାରକର୍ତ୍ତୃଗଣକୁ ସେ ନିର୍ବୋଧ କରନ୍ତି ।
\v 18 ସେ ରାଜାମାନଙ୍କର ବନ୍ଧନ ମୁକ୍ତ କରନ୍ତି ଓ କଟିବନ୍ଧନୀରେ ସେମାନଙ୍କ କଟି ବାନ୍ଧନ୍ତି ।
\s5
\v 19 ସେ ଯାଜକମାନଙ୍କୁ ଲୁଟିତ କରି ନେଇଯା'ନ୍ତି ଓ ବିକ୍ରମୀମାନଙ୍କୁ ପରାସ୍ତ କରନ୍ତି ।
\v 20 ସେ ବିଶ୍ୱସ୍ତମାନଙ୍କ ବଚନ ଅନ୍ୟଥା କରନ୍ତି ଓ ପ୍ରାଚୀନମାନଙ୍କ ବୁଦ୍ଧିକି ହରଣ କରି ନିଅନ୍ତି ।
\v 21 ସେ ଅଧିପତିମାନଙ୍କ ଉପରେ ତୁଚ୍ଛତା ଢାଳନ୍ତି; ଓ ବଳବାନର ପଟୁକା ଫିଟାଇ ପକାନ୍ତି ।
\s5
\v 22 ସେ ଅନ୍ଧକାରରୁ ନିଗୂଢ଼ ବିଷୟ ପ୍ରକାଶ କରନ୍ତି ଓ ମୃତ୍ୟୁଚ୍ଛାୟାକୁ ଆଲୁଅକୁ ଆଣନ୍ତି ।
\v 23 ସେ ଗୋଷ୍ଠୀୟମାନଙ୍କୁ ବୃଦ୍ଧି କରନ୍ତି ଓ ସେମାନଙ୍କୁ ବିନାଶ କରନ୍ତି; ସେ ଗୋଷ୍ଠୀୟମାନଙ୍କୁ ବାହାରେ ବିସ୍ତୀର୍ଣ୍ଣ କରନ୍ତି ଓ ସେମାନଙ୍କୁ ଭିତରେ ଆଣନ୍ତି ।
\s5
\v 24 ସେ ପୃଥିବୀସ୍ଥ ଲୋକମାନଙ୍କ ପ୍ରଧାନବର୍ଗର ହୃଦୟ ହରଣ କରନ୍ତି ଓ ସେ ସେମାନଙ୍କୁ ପଥହୀନ ମରୁଭୂମିରେ ଭ୍ରମଣ କରାନ୍ତି ।
\v 25 ସେମାନେ ଆଲୁଅରହିତ ହୋଇ ଅନ୍ଧକାରରେ ଦରାଣ୍ଡି ହୁଅନ୍ତି, ସେ ସେମାନଙ୍କୁ ମତ୍ତ ଲୋକ ପରି ଟଳମଳ କରାନ୍ତି ।
\s5
\c 13
\s ଆୟୁବ - ତଥାପି ଈଶ୍ୱରଙ୍କଠାରେ ମୋହର ଭରସା
\p
\v 1 ଦେଖ, ମୋହର ଚକ୍ଷୁ ଏହିସବୁ ଦେଖିଅଛି, ମୋହର କର୍ଣ୍ଣ ଏହା ଶୁଣି ବୁଝିଅଛି ।
\v 2 ଯାହା ତୁମ୍ଭେମାନେ ଜାଣ, ତାହା ମୁଁ ଜାଣେ; ମୁଁ ତୁମ୍ଭମାନଙ୍କଠାରୁ ଊଣା ନୁହେଁ ।
\s5
\v 3 ନିଶ୍ଚୟ ମୁଁ ସର୍ବଶକ୍ତିମାନଙ୍କୁ କହିବାକୁ ଇଚ୍ଛା କରେ ଓ ମୁଁ ପରମେଶ୍ୱରଙ୍କ ସହିତ ଯୁକ୍ତି କରିବାକୁ ବାଞ୍ଛା କରେ ।
\v 4 ମାତ୍ର ତୁମ୍ଭେମାନେ ମିଥ୍ୟାବାକ୍ୟରଚକ, ତୁମ୍ଭେ ସମସ୍ତେ ମୂଲ୍ୟହୀନ ବୈଦ୍ୟ ।
\v 5 ଆଃ, ତୁମ୍ଭେମାନେ ଯେବେ ସମ୍ପୂର୍ଣ୍ଣ ନୀରବ ହୋଇ ରହନ୍ତ ! ତାହା ତୁମ୍ଭମାନଙ୍କର ଜ୍ଞାନସୂଚକ ହୁଅନ୍ତା ।
\s5
\v 6 ଏବେ ମୋହର ଯୁକ୍ତି ଶୁଣ ଓ ମୋର ଓଷ୍ଠାଧରର ପ୍ରତିବାଦରେ କର୍ଣ୍ଣପାତ କର ।
\v 7 ତୁମ୍ଭେମାନେ କ'ଣ ପରମେଶ୍ୱରଙ୍କ ପକ୍ଷରେ ଅନ୍ୟାୟ କଥା କହିବ ଓ ତାହାଙ୍କ ପକ୍ଷରେ ପ୍ରବଞ୍ଚନା-ବାକ୍ୟ କହିବ ?
\v 8 ତୁମ୍ଭେମାନେ କ'ଣ ତାହାଙ୍କର ମୁଖାପେକ୍ଷା କରିବ, ତୁମ୍ଭେମାନେ କ'ଣ ପରମେଶ୍ୱରଙ୍କ ପକ୍ଷରେ ବିରୋଧ କରିବ ?
\s5
\v 9 ସେ ଯେ ତୁମ୍ଭମାନଙ୍କୁ ପରୀକ୍ଷା କରିବେ, ଏହା କି ଭଲ ? କିଅବା କେହି ଯେପରି ମନୁଷ୍ୟକୁ ଭୁଲାଏ, ସେପରି ତୁମ୍ଭେମାନେ କ'ଣ ତାହାଙ୍କୁ ଭୁଲାଇବ ?
\v 10 ତୁମ୍ଭେମାନେ ଗୋପନରେ ମୁଖାପେକ୍ଷା କଲେ, ସେ ଅବଶ୍ୟ ତୁମ୍ଭମାନଙ୍କୁ ଅନୁଯୋଗ କରିବେ ।
\s5
\v 11 ତାହାଙ୍କର ମହତ୍ତ୍ୱ କ'ଣ ତୁମ୍ଭମାନଙ୍କୁ ଭୀତ କରିବ ନାହିଁ ଓ ତାହାଙ୍କର ଭୟଙ୍କରତା କ'ଣ ତୁମ୍ଭମାନଙ୍କ ଉପରେ ପଡ଼ିବ ନାହିଁ ?
\v 12 ତୁମ୍ଭମାନଙ୍କ ସ୍ମରଣୀୟ ବଚନମାଳା ଭସ୍ମରୂପ ପ୍ରବାଦ ଅଟେ, ତୁମ୍ଭମାନଙ୍କର ଦୁର୍ଗସବୁ କର୍ଦ୍ଦମର ଦୁର୍ଗ ଅଟେ ।
\s5
\v 13 ତୁମ୍ଭେମାନେ ନୀରବ ହୁଅ, ମୋତେ ଛାଡ଼, ମୁଁ କଥା କହିବି, ତହିଁରେ ମୋହର ଯାହା ହେବ, ହେଉ ।
\v 14 ମୁଁ କାହିଁକି ଆପଣା ଦନ୍ତରେ ଆପଣା ମାଂସ ଧରିବି ଓ ଆପଣା ହସ୍ତରେ ଆପଣା ପ୍ରାଣ ରଖିବି ?
\v 15 ସେ ମୋତେ ବଧ କଲେ ହେଁ ମୁଁ ତାହାଙ୍କ ପାଇଁ ଅପେକ୍ଷା କରିବି; ତଥାପି ମୁଁ ତାହାଙ୍କ ଛାମୁରେ ଆପଣା ପଥ ସମର୍ଥନ କରିବି ।
\s5
\v 16 ଏହା ହିଁ ମୋହର ମୁକ୍ତି ସ୍ୱରୂପ ହେବ; କାରଣ ଅଧାର୍ମିକ ଲୋକ ତାହାଙ୍କ ଛାମୁକୁ ଆସିବ ନାହିଁ ।
\v 17 ମନୋଯୋଗ କରି ମୋହର କଥା ଶୁଣ ଓ ମୋହର ନିବେଦନ ତୁମ୍ଭମାନଙ୍କର କର୍ଣ୍ଣଗୋଚରରେ ଥାଉ ।
\s5
\v 18 ଏବେ ଦେଖ, ମୁଁ ଆପଣା ବିଚାରର କଥା ପ୍ରସ୍ତୁତ କରିଅଛି; ମୁଁ ଜାଣେ, ମୁଁ ନିର୍ଦ୍ଦୋଷ ହେବି ।
\v 19 ମୋ' ସଙ୍ଗେ ଯେ ବିବାଦ କରିବ, ସେ କିଏ ? କାରଣ (କେହି ଥିଲେ) ମୁଁ ନୀରବ ହୋଇ ପ୍ରାଣତ୍ୟାଗ କରିବି ।
\s5
\v 20 କେବଳ ଦୁଇ କଥା ମୋ' ପ୍ରତି କର ନାହିଁ, ତହିଁରେ ମୁଁ ତୁମ୍ଭ ସମ୍ମୁଖରୁ ଆପଣାକୁ ଲୁଚାଇବି ନାହିଁ ।
\v 21 ତୁମ୍ଭ ହସ୍ତ ମୋ'ଠାରୁ ଦୂରକୁ କାଢ଼ି ନିଅ ଓ ତୁମ୍ଭର ଭୟାନକତା ମୋତେ ଭୀତ ନ କରୁ ।
\v 22 ତେବେ ତୁମ୍ଭେ ଡାକ, ମୁଁ ଉତ୍ତର ଦେବି; ଅବା ମୁଁ କହେ, ତୁମ୍ଭେ ମୋତେ ଉତ୍ତର ଦିଅ ।
\s5
\v 23 ମୋହର ଅପରାଧ ଓ ପାପ କେତେ ? ମୋହର ଅଧର୍ମ ଓ ପାପ ମୋତେ ଜଣାଅ ।
\v 24 ତୁମ୍ଭେ କାହିଁକି ଆପଣା ମୁଖ ଲୁଚାଉଅଛ ? ଓ ମୋତେ ତୁମ୍ଭର ଶତ୍ରୁ ବୋଲି ଜ୍ଞାନ କରୁଅଛ ?
\v 25 ତୁମ୍ଭେ କ'ଣ ଉଡ଼ନ୍ତା ପତ୍ରକୁ ଡରାଇବ ? ଓ ତୁମ୍ଭେ କ'ଣ ଶୁଖିଲା କୁଟା ପଛେ ପଛେ ଗୋଡ଼ାଇବ ?
\s5
\v 26 କାରଣ ତୁମ୍ଭେ ମୋ' ବିରୁଦ୍ଧରେ ତିକ୍ତ କଥା ଲେଖୁ ଅଛ ଓ ମୋ' ଯୌବନ-କାଳର ଅପରାଧ ଭୋଗ କରାଉଅଛ;
\v 27 ତୁମ୍ଭେ ଯନ୍ତାରେ ମଧ୍ୟ ମୋହର ଚରଣ ରଖୁଅଛ ଓ ମୋହର ସବୁ ଗତି ଲକ୍ଷ୍ୟ କରୁଅଛ; ତୁମ୍ଭେ ମୋ' ଚରଣର ଚତୁର୍ଦ୍ଦିଗରେ ଆପଣା ପାଇଁ ରେଖା ଟାଣୁଅଛ;
\v 28 ତଥାପି ମୁଁ କ୍ଷୟ ପାଉଥିବା ଜୀର୍ଣ୍ଣ-ପଦାର୍ଥ ତୁଲ୍ୟ ଓ କୀଟ-ଭକ୍ଷିତ ବସ୍ତ୍ର ତୁଲ୍ୟ ଅଟେ ।
\s5
\c 14
\s ଆୟୁବ - ମୃତ୍ୟୁ ସମସ୍ତଙ୍କ ପ୍ରତି ଶୀଘ୍ର ଆସେ
\p
\v 1 ସ୍ତ୍ରୀଜାତ ମନୁଷ୍ୟ ଅଳ୍ପାୟୁ ଓ ଦୁଃଖରେ ପରିପୂର୍ଣ୍ଣ ।
\v 2 ସେ ପୁଷ୍ପ ତୁଲ୍ୟ ପ୍ରସ୍ପୁଟିତ ହୋଇ କଟାଯାଏ; ମଧ୍ୟ ସେ ଛାୟା ତୁଲ୍ୟ ବହିଯାଇ ସ୍ଥିର ନ ଥାଏ ।
\v 3 ଆଉ, ତୁମ୍ଭେ ଏପରି ଜଣକ ଉପରେ କ'ଣ ଆପଣା ଦୃଷ୍ଟି ରଖୁଅଛ ଓ ଆପଣା ନିକଟକୁ ବିଚାରାର୍ଥେ କ'ଣ ମୋତେ ଆଣୁଅଛ ?
\s5
\v 4 ଅଶୁଚି ବସ୍ତୁରୁ ଶୁଚି ବସ୍ତୁ କିଏ ଉତ୍ପନ୍ନ କରିପାରେ ? ଜଣେ ନାହିଁ ।
\v 5 ତାହାର ଦିନସବୁ ନିର୍ଣ୍ଣୀତ, ତାହାର ମାସ-ସଂଖ୍ୟା ତୁମ୍ଭଠାରେ ଅଛି ଓ ତୁମ୍ଭେ ତାହାର ସୀମା ନିରୂପଣ କରିଅଛ, ଏଣୁ ସେ ତାହା ଲଙ୍ଘନ କରିପାରେ ନାହିଁ ?
\v 6 ଏହେତୁ ସେ ଯେପରି ବେତନଜୀବୀ ତୁଲ୍ୟ ଆପଣା ଦିନ ଭୋଗ କରିବା ପର୍ଯ୍ୟନ୍ତ ବିଶ୍ରାମ ପାଇ ପାରିବ, ଏଥିପାଇଁ ତାହାଠାରୁ ଦୃଷ୍ଟି ଫେରାଅ ।
\s5
\v 7 କାରଣ ବୃକ୍ଷ ବିଷୟରେ ଆଶା ଥାଏ, ତାହା କଟାଗଲେ ପୁନର୍ବାର ପଲ୍ଲବିତ ହେବ ଓ ତହିଁର କୋମଳ ଶାଖାର ଅଭାବ ହେବ ନାହିଁ ।
\v 8 ଯଦ୍ୟପି ତହିଁର ମୂଳ ମୃତ୍ତିକାରେ ପୁରୁଣା ହୋଇଯାଏ ଓ ତହିଁର ଗଣ୍ଡି ଭୂମିରେ ମରିଯାଏ;
\v 9 ତଥାପି ଜଳର ଗନ୍ଧ ପାଇଲେ, ତାହା ପଲ୍ଲବିତ ହେବ ଓ ରୋପିତ ବୃକ୍ଷ ତୁଲ୍ୟ ଶାଖାବିଶିଷ୍ଟ ହେବ ।
\s5
\v 10 ମାତ୍ର ମନୁଷ୍ୟ ମରେ ଓ କ୍ଷୟ ପାଏ; ହଁ, ମନୁଷ୍ୟ ପ୍ରାଣତ୍ୟାଗ କରେ, ପୁଣି ସେ କେଉଁଠାରେ ଥାଏ ?
\v 11 ଯେପରି ସମୁଦ୍ରରୁ ଜଳ ବାହାରି ଯାଏ ଓ ନଦୀ କ୍ଷୟପ୍ରାପ୍ତ ଓ ଶୁଷ୍କ ହୁଏ;
\v 12 ସେପରି ମନୁଷ୍ୟ ଶୟନ କଲେ ଆଉ ଉଠେ ନାହିଁ; ଆକାଶମଣ୍ଡଳ ଲୋପ ନ ପାଇବା ପର୍ଯ୍ୟନ୍ତ ସେମାନେ ଜାଗ୍ରତ ହେବେ ନାହିଁ, କିଅବା ନିଦ୍ରାରୁ ଉତ୍‍ଥାପିତ ହେବେ ନାହିଁ ।
\s5
\v 13 ଆଃ, ତୁମ୍ଭେ ଯେବେ ପାତାଳରେ ମୋତେ ଲୁଚାଇ ରଖନ୍ତ, ତୁମ୍ଭର କୋପ ଅତୀତ ହେବା ପର୍ଯ୍ୟନ୍ତ ଯେବେ ମୋତେ ଗୋପନରେ ରଖନ୍ତ, ଯେବେ ମୋ' ପାଇଁ ସମୟ ନିରୂପଣ କରି ମୋତେ ସ୍ମରଣ କରନ୍ତ !
\v 14 ମନୁଷ୍ୟ ମଲେ କ'ଣ ପୁନର୍ବାର ବଞ୍ଚିବ ? ମୋହର ମୁକ୍ତି ଉପସ୍ଥିତ ନୋହିବା ପର୍ଯ୍ୟନ୍ତ ମୁଁ ଆପଣା ଯୁଦ୍ଧର ସମସ୍ତ ଦିନ ଅପେକ୍ଷା କରିବି ।
\s5
\v 15 ତେବେ ତୁମ୍ଭେ ଡାକିବ ଓ ମୁଁ ତୁମ୍ଭକୁ ଉତ୍ତର ଦେବି; ତୁମ୍ଭେ ଆପଣା ହସ୍ତକୃତ କର୍ମ ପ୍ରତି କରୁଣା କରିବ ।
\v 16 ମାତ୍ର ଏବେ ତୁମ୍ଭେ ମୋ' ପାଦଗତି ଗଣନା କରୁଅଛ; ତୁମ୍ଭେ କ'ଣ ମୋ' ପାପ ପ୍ରତି ନିରୀକ୍ଷଣ କରୁନାହଁ ?
\v 17 ମୋହର ଅପରାଧ ଥଳୀରେ ମୋହରାଙ୍କିତ ହୋଇଅଛି ଓ ତୁମ୍ଭେ ମୋ' ଅଧର୍ମ ବାନ୍ଧି ରଖୁଅଛ ।
\s5
\v 18 ଆଉ, ପର୍ବତ ପଡ଼ିଲେ ନିଶ୍ଚୟ ଲୁପ୍ତ ହୁଏ ଓ ଶୈଳ ଆପଣା ସ୍ଥାନରୁ ଅନ୍ତରିତ ହୁଏ;
\v 19 ଜଳ ପ୍ରସ୍ତରକୁ କ୍ଷୟ କରେ; ଜଳର ପ୍ଳାବନ ପୃଥିବୀର ଧୂଳି ଧୋଇନିଏ ଓ ତୁମ୍ଭେ ମନୁଷ୍ୟର ଆଶା ନାଶ କରୁଅଛ ।
\s5
\v 20 ତୁମ୍ଭେ ସଦାକାଳ ତାହା ଉପରେ ଜୟଯୁକ୍ତ ହେଉଅଛ, ତେଣୁ ସେ ଚାଲିଯାଏ; ତୁମ୍ଭେ ତାହାର ମୁଖ ପରିବର୍ତ୍ତନ କରି ତାହାକୁ ଦୂର କରି ଦେଉଅଛ ।
\v 21 ତାହାର ସନ୍ତାନଗଣ ସମ୍ଭ୍ରମପ୍ରାପ୍ତ ହେଲେ, ସେ ତାହା ଜାଣେ ନାହିଁ; ପୁଣି, ସେମାନେ ଅବନତ ହେଲେ, ସେ ସେମାନଙ୍କ ବିଷୟ ବୋଧ ପାଏ ନାହିଁ ।
\v 22 ମାତ୍ର ତାହାର ନିଜ ମାଂସ ବ୍ୟଥା ଭୋଗ କରେ ଓ ତାହାର ପ୍ରାଣ ଅନ୍ତରେ ବ୍ୟାକୁଳ ହୁଏ ।
\s5
\c 15
\s ଇଲୀଫସ୍‍ - ଆୟୁବଠାରେ ଈଶ୍ୱର ଭୟ ନାହିଁ
\p
\v 1 ଏଥିଉତ୍ତାରେ ତୈମନୀୟ ଇଲୀଫସ୍‍ ଉତ୍ତର କରି କହିଲା,
\v 2 "ଜ୍ଞାନୀ ଲୋକ କ'ଣ ଅସାର ଜ୍ଞାନରେ ଉତ୍ତର ଦେବ ? ଓ ପୂର୍ବୀୟ ବାୟୁରେ ଆପଣା ଉଦର ପୂର୍ଣ୍ଣ କରିବ ?
\v 3 ସେ କ'ଣ ଅନର୍ଥକ କଥାରେ ଓ ନିଷ୍ଫଳ ବାକ୍ୟରେ ଯୁକ୍ତି କରିବ ?
\s5
\v 4 ହଁ, ତୁମ୍ଭେ ତ ଭୟ ଦୂର କରି ଦେଉଅଛ ଓ ପରମେଶ୍ୱରଙ୍କ ସାକ୍ଷାତରେ ଭକ୍ତି କ୍ଷୀଣ କରୁଅଛ ।
\v 5 କାରଣ ତୁମ୍ଭର ଅପରାଧ ତୁମ୍ଭ ମୁଖକୁ ଶିଖାଉଅଛି ଓ ତୁମ୍ଭେ ଧୂର୍ତ୍ତର ଜିହ୍ୱା ପସନ୍ଦ କରୁଅଛ ।
\v 6 ତୁମ୍ଭର ନିଜ ମୁଖ ତୁମ୍ଭକୁ ଦୋଷୀ କରୁଅଛି, ମୁଁ କରୁ ନାହିଁ; ଆହୁରି, ତୁମ୍ଭ ନିଜ ଓଷ୍ଠାଧର ତୁମ୍ଭ ବିରୁଦ୍ଧରେ ସାକ୍ଷ୍ୟ ଦେଉଅଛି ।
\s5
\v 7 ମନୁଷ୍ୟମାନଙ୍କ ମଧ୍ୟରେ ତୁମ୍ଭେ କ'ଣ ପ୍ରଥମଜାତ ? ଅବା ପର୍ବତଗଣ ପୂର୍ବରୁ ତୁମ୍ଭେ କ'ଣ ଉତ୍ପନ୍ନ ହୋଇଥିଲ ?
\v 8 ତୁମ୍ଭେ କ'ଣ ପରମେଶ୍ୱରଙ୍କର ଗୁପ୍ତ ମନ୍ତ୍ରଣା ଶୁଣିଅଛ ? ଓ ତୁମ୍ଭେ କ'ଣ ଜ୍ଞାନ ଆତ୍ମସାତ୍‍ କରୁଅଛ ?
\v 9 ଆମ୍ଭମାନଙ୍କୁ ଅଜଣା କେଉଁ କଥା ତୁମ୍ଭେ ଜାଣୁଅଛ ? ଆମ୍ଭମାନଙ୍କର ଅବୁଝା କେଉଁ କଥା ତୁମ୍ଭେ ବୁଝୁଅଛ ?
\s5
\v 10 ପକ୍ୱକେଶ ବିଶିଷ୍ଟ ଓ ତୁମ୍ଭ ପିତା ଅପେକ୍ଷା ପ୍ରାଚୀନ ଅତି ବୃଦ୍ଧ ଲୋକେ ଆମ୍ଭମାନଙ୍କ ମଧ୍ୟରେ ଅଛନ୍ତି ।
\v 11 ପରମେଶ୍ୱରଙ୍କ ସାନ୍ତ୍ୱନା-ବାକ୍ୟ ତୁମ୍ଭ ପ୍ରତି କି କ୍ଷୁଦ୍ର ବିଷୟ ଓ ତୁମ୍ଭ ସହିତ କୋମଳ ଆଳାପ କି ତଦ୍ରୁପ ?
\s5
\v 12 ତୁମ୍ଭ ମନ ତୁମ୍ଭକୁ କାହିଁକି ବିପଥରେ ନେଇଯାଏ ? ଓ ତୁମ୍ଭର ଚକ୍ଷୁ କାହିଁକି ମଟ୍‍ମଟ୍‍ କରେ
\v 13 ଯେ, ତୁମ୍ଭେ ପରମେଶ୍ୱରଙ୍କ ବିରୁଦ୍ଧରେ ଆପଣା ଆତ୍ମାକୁ ଉଠାଉଅଛ ଓ ଆପଣା ମୁଖରୁ ଏପରି କଥା ବାହାରିବାକୁ ଦେଉଅଛ ?
\v 14 ମନୁଷ୍ୟ କିଏ ଯେ, ସେ ଶୁଚି ହୋଇପାରେ ? ଓ ସ୍ତ୍ରୀଜାତ ମନୁଷ୍ୟ କିଏ ଯେ, ସେ ଧାର୍ମିକ ହୋଇପାରେ ?
\s5
\v 15 ଦେଖ, ସେ ଆପଣା ପବିତ୍ରଗଣଠାରେ ବିଶ୍ୱାସ କରନ୍ତି ନାହିଁ; ଆହୁରି, ତାହାଙ୍କ ଦୃଷ୍ଟିରେ ଆକାଶମଣ୍ଡଳ ନିର୍ମଳ ନୁହେଁ ।
\v 16 ତେବେ ଘୃଣାର୍ହ ଓ ଭ୍ରଷ୍ଟ, ଅଧର୍ମକୁ ଜଳ ପରି ପାନକାରୀ ଯେ ମନୁଷ୍ୟ, ସେ କେଡ଼େ ନ୍ୟୂନ !
\s5
\v 17 ମୁଁ ତୁମ୍ଭକୁ ଦେଖାଇବି, ମୋ' କଥା ଶୁଣ; ମୁଁ ଯାହା ଦେଖିଅଛି, ତାହା ପ୍ରକାଶ କରିବି;
\v 18 ଜ୍ଞାନୀମାନେ ଆପଣା ଆପଣା ପିତୃଲୋକଙ୍କଠାରୁ ତାହା ପାଇ କହି ଅଛନ୍ତି ଓ ଗୁପ୍ତ କରି ନାହାନ୍ତି;
\s5
\v 19 କେବଳ ସେମାନଙ୍କୁ ଦେଶ ଦତ୍ତ ହୋଇଥିଲା ଓ କୌଣସି ବିଦେଶୀ ସେମାନଙ୍କ ମଧ୍ୟରେ ଗତାୟାତ କଲା ନାହିଁ;
\v 20 ଦୁଷ୍ଟ ଲୋକ ଆପଣାର ଯାବଜ୍ଜୀବନ, ଅର୍ଥାତ୍‍, ଉପଦ୍ରବ ପାଇଁ ନିରୂପିତ ବର୍ଷଯାଏ କ୍ଳେଶ ଭୋଗ କରେ ।
\v 21 ତାହାର କର୍ଣ୍ଣରେ ତ୍ରାସଜନକ ଶବ୍ଦ ଥାଏ, ସୌଭାଗ୍ୟ ସମୟରେ ଲୁଟକାରୀ ତାହାକୁ ଆକ୍ରମଣ କରିବ;
\s5
\v 22 ସେ ଅନ୍ଧକାରରୁ ଫେରି ଆସିବ ବୋଲି ବିଶ୍ୱାସ କରେ ନାହିଁ ଓ ସେ ଖଡ଼୍‍ଗ ନିମନ୍ତେ ଅପେକ୍ଷିତ;
\v 23 ସେ ଖାଦ୍ୟ ନିମନ୍ତେ ବାହାରେ ବୁଲି କହଇ, ତାହା କାହିଁ ? ଅନ୍ଧକାରର ଦିନ ତାହାର ସନ୍ନିକଟ ବୋଲି ସେ ଜାଣେ ।
\v 24 ସଙ୍କଟ ଓ ମନସ୍ତାପ ତାହାକୁ ଭୀତ କରେ; ଯୁଦ୍ଧାର୍ଥେ ସସଜ୍ଜ ରାଜା ତୁଲ୍ୟ ତାହା ତାହାକୁ ପରାସ୍ତ କରେ;
\s5
\v 25 କାରଣ ସେ ପରମେଶ୍ୱରଙ୍କ ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରିଅଛି ଓ ସର୍ବଶକ୍ତିମାନଙ୍କ ପ୍ରତିକୂଳରେ ଗର୍ବାଚରଣ କରୁଅଛି;
\v 26 ସେ ଶକ୍ତଗ୍ରୀବ ହୋଇ ଆପଣା ଢାଲର ସ୍ଥୂଳ ଅଂଶ ଦେଖାଇ ତାହାଙ୍କ ଉପରକୁ ଦୌଡ଼େ;
\s5
\v 27 ସେ ଆପଣା ମେଦରେ ଆପଣା ମୁଖ ଆଚ୍ଛାଦନ କଲା ଓ କଟିଦେଶ ହୃଷ୍ଟପୁଷ୍ଟ କଲା;
\v 28 ଆଉ, ସେ ଉଜାଡ଼-ନଗରରେ ନିବାସୀରହିତ ଓ ଢିପି ହେବାକୁ ଉଦ୍ୟତ ଗୃହରେ ବାସ କଲା ।
\s5
\v 29 ଏଣୁ ସେ ଧନବାନ ହେବ ନାହିଁ, ଅବା ତାହାର ସମ୍ପତ୍ତି ସ୍ଥାୟୀ ହେବ ନାହିଁ; କିଅବା ସେମାନଙ୍କର ଉତ୍ପନ୍ନ ଫଳ ଭୂମିକି ଓହଳିବ ନାହିଁ ।
\v 30 ସେ ଅନ୍ଧକାରରୁ ପ୍ରସ୍ଥାନ କରିବ ନାହିଁ, ଅଗ୍ନିଶିଖା ତାହାର ଶାଖା ଶୁଷ୍କ କରିବ ଓ ସେ ତାହାଙ୍କ ମୁଖର ନିଶ୍ୱାସରେ ଉଡ଼ିଯିବ ।
\s5
\v 31 ସେ ଆପଣାକୁ ଭ୍ରାନ୍ତ କରି ଅସାରତାରେ ବିଶ୍ୱାସ ନ କରୁ; କାରଣ ଅସାରତା ହିଁ ତାହାର ପୁରସ୍କାର ହେବ ।
\v 32 ତାହା ଆପଣା ସମୟ ପୂର୍ବେ ଶେଷ ପାଇବ ଓ ତାହାର ଶାଖା ସତେଜ ହେବ ନାହିଁ ।
\v 33 ସେ ଦ୍ରାକ୍ଷାଲତା ନ୍ୟାୟ ଆପଣା ଅପକ୍ୱ ଫଳ ଝାଡ଼ି ପକାଇବ ଓ ଜୀତବୃକ୍ଷ ନ୍ୟାୟ ଆପଣା ଫୁଲ ପକାଇ ଦେବ ।
\s5
\v 34 କାରଣ ଅଧାର୍ମିକମାନଙ୍କ ସଙ୍ଗୀଦଳ ଅଫଳ ହେବେ ଓ ଅଗ୍ନି ଲାଞ୍ଚର ତମ୍ବୁସବୁ ଗ୍ରାସ କରିବ ।
\v 35 ସେମାନେ ଅନିଷ୍ଟ ଗର୍ଭଧାରଣ କରି ଅଧର୍ମ ପ୍ରସବ କରନ୍ତି ଓ ସେମାନଙ୍କ ଉଦର ପ୍ରତାରଣା ପ୍ରସ୍ତୁତ କରେ ।
\s5
\c 16
\s ଆୟୁବ - ତୁମ୍ଭେ ସବୁ ମିଥ୍ୟା ସାନ୍ତ୍ୱନାକାରୀ
\p
\v 1 ଏଥିରେ ଆୟୁବ ଉତ୍ତର କରି କହିଲା,
\v 2 "ମୁଁ ଏପରି ଅନେକ କଥା ଶୁଣିଅଛି; ତୁମ୍ଭେ ସମସ୍ତେ ଦୁଃଖଦାୟକ ସାନ୍ତ୍ୱନାକାରୀ ଅଟ ।
\v 3 ଅସାର କଥାରେ କି ଶେଷ ଥାଏ ? ଉତ୍ତର ଦେବା ପାଇଁ ତୁମ୍ଭକୁ କେଉଁ କଥା ଉତ୍ତେଜିତ କରୁଅଛି ?
\s5
\v 4 ମୁଁ ମଧ୍ୟ ତୁମ୍ଭମାନଙ୍କ ପରି କହି ପାରନ୍ତି; ଯେବେ ତୁମ୍ଭମାନଙ୍କ ପ୍ରାଣ ମୋର ପ୍ରାଣର ଅବସ୍ଥାରେ ଥା'ନ୍ତା, ତେବେ ମୁଁ ତୁମ୍ଭମାନଙ୍କ ବିରୁଦ୍ଧରେ ବାକ୍ୟମାଳା ଏକତ୍ର ଖଞ୍ଜି ପାରନ୍ତି ଓ ତୁମ୍ଭମାନଙ୍କ ପ୍ରତି ଆପଣା ମୁଣ୍ଡ ହଲାଇ ପାରନ୍ତି ।
\v 5 ମାତ୍ର ମୁଁ ଆପଣା ମୁଖରେ ତୁମ୍ଭମାନଙ୍କୁ ସବଳ କରନ୍ତି ଓ ମୋ' ଓଷ୍ଠାଧରର ସାନ୍ତ୍ୱନା ତୁମ୍ଭମାନଙ୍କ ଦୁଃଖରେ ଉପଶମ କରନ୍ତା ।
\s5
\v 6 ମୁଁ କଥା କହିଲେ ହେଁ ମୋ' ଦୁଃଖର ଉପଶମ ହେଉ ନାହିଁ; ମୁଁ ନୀରବ ହେଲେ ହେଁ କି ମୋହର ଆରାମ ହୁଏ ?
\v 7 ମାତ୍ର ସେ ଏବେ ମୋତେ କ୍ଳାନ୍ତ କରିଅଛନ୍ତି; ତୁମ୍ଭେ ମୋହର ସକଳ ସଙ୍ଗୀଦଳ ଶୂନ୍ୟ କରିଅଛ ।
\v 8 ପୁଣି, ତୁମ୍ଭେ ମୋତେ ଦୃଢ଼ କରି ଧରିଅଛ, ଏହା ମୋର ପ୍ରତିକୂଳରେ ସାକ୍ଷୀ ହୁଏ; ଆଉ, ମୋ' କ୍ଷୀଣତା ମୋ' ପ୍ରତିକୂଳରେ ଉଠି ମୋ' ମୁଖ ଆଗରେ ସାକ୍ଷ୍ୟ ଦିଏ ।
\s5
\v 9 ସେ ନିଜ କୋପରେ ମୋତେ ବିଦୀର୍ଣ୍ଣ ଓ ତାଡ଼ନା କରିଅଛନ୍ତି; ସେ ମୋ' ଉପରେ ଦନ୍ତ କଡ଼ମଡ଼ କରିଅଛନ୍ତି; ମୋହର ବିପକ୍ଷ ମୋ' ଉପରେ ଆପଣା ଚକ୍ଷୁ ତୀବ୍ର କରିଅଛି ।
\v 10 ସେମାନେ ମୋ' ଉପରେ ଆପଣା ଆପଣା ମୁଖ ମେଲା କରିଅଛନ୍ତି; ସେମାନେ ଧିକ୍‍କାରପୂର୍ବକ ମୋ' ଗାଲରେ ମାରିଅଛନ୍ତି; ସେମାନେ ମୋ' ବିରୁଦ୍ଧରେ ଏକତ୍ରିତ ହୁଅନ୍ତି ।
\s5
\v 11 ପରମେଶ୍ୱର ମୋତେ ଅଧାର୍ମିକମାନଙ୍କ ନିକଟରେ ସମର୍ପଣ କରନ୍ତି ଓ ମୋତେ ଦୁଷ୍ଟମାନଙ୍କ ହସ୍ତରେ ପକାଇ ଦିଅନ୍ତି ।
\v 12 ମୁଁ ଆରାମରେ ଥିଲି, ସେ ମୋତେ ଭଗ୍ନ କଲେ; ହଁ, ମୋ' ବେକ ଧରି ମୋତେ କଚାଡ଼ି ଖଣ୍ଡ ଖଣ୍ଡ କରିଅଛନ୍ତି; ମଧ୍ୟ ସେ ମୋତେ ଆପଣାର ଲକ୍ଷ୍ୟ ରୂପେ ସ୍ଥାପନ କରିଅଛନ୍ତି ।
\s5
\v 13 ତାହାଙ୍କ ଧନୁର୍ଦ୍ଧରମାନେ ମୋତେ ଚାରିଆଡ଼େ ଘେରିଅଛନ୍ତି, ସେ ମୋହର ଯକୃତ୍‍ ବିଦୀର୍ଣ୍ଣ କରନ୍ତି ଓ ଦୟା କରନ୍ତି ନାହିଁ; ସେ ମୋହର ପିତ୍ତ ଭୂମିରେ ଢାଳନ୍ତି ।
\v 14 ସେ ମୋତେ ଭାଙ୍ଗିଭାଙ୍ଗି ଭାଙ୍ଗି ପକାନ୍ତି; ସେ ବୀର ପରି ମୋର ଉପରକୁ ଧାଇଁ ଆସନ୍ତି ।
\s5
\v 15 ମୁଁ ଆପଣା ଚର୍ମ ଉପରେ ଅଖା ସିଁଇଅଛି ଓ ଆପଣା ଶୃଙ୍ଗ ଧୂଳିରେ ରଖିଅଛି ।
\v 16 ରୋଦନରେ ମୋହର ମୁଖ ବିକୃତ ହୋଇଅଛି ଓ ମୃତ୍ୟୁଛାୟା ମୋ' ଚକ୍ଷୁର ପତା ଉପରେ ଅଛି ।
\v 17 ତଥାପି ମୋ' ହସ୍ତରେ ଦୌରାତ୍ମ୍ୟ ନାହିଁ ଓ ମୋହର ପ୍ରାର୍ଥନା ନିର୍ମଳ ।
\s5
\v 18 ଗୋ ପୃଥିବୀ, ମୋହର ରକ୍ତ ଆଚ୍ଛାଦନ କର ନାହିଁ ଓ ମୋହର କ୍ରନ୍ଦନ କୌଣସି ବିଶ୍ରାମସ୍ଥାନ ନ ପାଉ ।
\v 19 ଏବେ ମଧ୍ୟ ଦେଖ, ମୋହର ସାକ୍ଷୀ ସ୍ୱର୍ଗରେ ଅଛନ୍ତି ଓ ମୋ' ପକ୍ଷରେ ପ୍ରମାଣଦାତା ସ୍ୱର୍ଗରେ ଅଛନ୍ତି ।
\s5
\v 20 ମୋ' ମିତ୍ରଗଣ ମୋତେ ତୁଚ୍ଛ କରନ୍ତି; ମାତ୍ର ମୋହର ଚକ୍ଷୁ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଲୋତକ ଢାଳେ;
\v 21 ଯେପରି ସେ ପରମେଶ୍ୱରଙ୍କ ନିକଟରେ ମନୁଷ୍ୟର ଓ ପ୍ରତିବାସୀ ନିକଟରେ ମନୁଷ୍ୟପୁତ୍ରର ନ୍ୟାୟ ରକ୍ଷା କରିବେ ।
\v 22 କାରଣ ଅଳ୍ପ ବର୍ଷ ଗତ ହେଲେ ଯେଉଁ ପଥରେ ଯାଇ ମୁଁ ଫେରି ଆସିବି ନାହିଁ, ସେହି ପଥରେ ମୁଁ ଯିବି ।
\s5
\c 17
\s ଆୟୁବ - ମୋହର ଭରସା କାହିଁ ?
\p
\v 1 ମୋହର ପ୍ରାଣ କ୍ଷୟ ପାଉଅଛି ଓ ମୋହର ଦିନ ଅବସାନ ହେଉଅଛି, ମୋ' ନିମନ୍ତେ କବର ପ୍ରସ୍ତୁତ ଅଛି ।
\v 2 ନିଶ୍ଚୟ ପରିହାସକମାନେ ମୋ' ନିକଟରେ ଅଛନ୍ତି ଓ ସେମାନଙ୍କ ବିରୋଧ ମୋ' ଚକ୍ଷୁଗୋଚରରେ ଅଛି ।
\v 3 ବିନୟ କରୁଅଛି, ପ୍ରତିନିଧି ଦିଅ, ଆପଣା ନିକଟରେ ଆପେ ମୋ' ପାଇଁ ଲଗା ହୁଏ; ଆଉ କିଏ ମୋ' ହାତରେ ହାତ ଦେବ ?
\s5
\v 4 କାରଣ ତୁମ୍ଭେ ସେମାନଙ୍କ ଅନ୍ତଃକରଣକୁ ବୁଦ୍ଧିରୁ ଗୁପ୍ତ କରିଅଛ; ଏହେତୁ ତୁମ୍ଭେ ସେମାନଙ୍କୁ ଉନ୍ନତ କରିବ ନାହିଁ ।
\v 5 ଯେ ଆପଣା ମିତ୍ରଗଣକୁ ଲୁଟ ରୂପେ ସମର୍ପଣ କରେ, ତାହାର ସନ୍ତାନଗଣର ଚକ୍ଷୁ ନିସ୍ତେଜ ହେବ ।
\s5
\v 6 ମଧ୍ୟ ସେ ମୋତେ ଲୋକମାନଙ୍କର ହାସ୍ୟାସ୍ପଦ କରିଅଛନ୍ତି; ମୁଁ ପ୍ରକାଶରେ ଘୃଣାପାତ୍ର ହୋଇଅଛି ।
\v 7 ଦୁଃଖ ସକାଶୁ ମଧ୍ୟ ମୋର ଚକ୍ଷୁ କ୍ଷୀଣ ହୋଇଅଛି ଓ ମୋହର ସର୍ବାଙ୍ଗ ଛାୟା ତୁଲ୍ୟ ହୋଇଅଛି ।
\v 8 ସରଳ ଲୋକେ ଏଥିରେ ଚମତ୍କୃତ ହେବେ ଓ ନିର୍ଦ୍ଦୋଷ ଲୋକ ଅଧାର୍ମିକ ବିରୁଦ୍ଧରେ ଆପଣାକୁ ଉତ୍ତେଜିତ କରିବ ।
\s5
\v 9 ତଥାପି ଧାର୍ମିକ ଆପଣା ମାର୍ଗ ଦୃଢ଼ କରି ଧରିବ ଓ ଶୁଚିହସ୍ତ ଲୋକ ଆହୁରି ଆହୁରି ବଳବାନ ହେବ ।
\v 10 ମାତ୍ର ତୁମ୍ଭେ ସମସ୍ତେ ଏବେ ଫେରି ଆସ; ମୁଁ ତୁମ୍ଭମାନଙ୍କ ମଧ୍ୟରେ ଜ୍ଞାନବାନ ଲୋକ ପାଇବି ନାହିଁ ।
\s5
\v 11 ମୋହର ଦିନସବୁ ଅତୀତ ହେଲା, ମୋହର ଅଭିପ୍ରାୟ, ଅର୍ଥାତ୍‍, ମୋର ମନର ସଂକଳ୍ପସବୁ ନିଷ୍ଫଳ ହେଲା ।
\v 12 ସେମାନେ ରାତ୍ରିକି ଦିନ କରନ୍ତି; ସେମାନେ ଆଲୁଅକୁ ଅନ୍ଧକାରର ସନ୍ନିକଟ ବୋଲି କହନ୍ତି ।
\s5
\v 13 ଯେବେ ମୁଁ ପାତାଳକୁ ଆପଣାର ଗୃହ ବୋଲି ଅନାଏ; ଯେବେ ମୁଁ ଅନ୍ଧକାରରେ ଆପଣା ଶଯ୍ୟା ବିଛାଇଅଛି;
\v 14 ଯେବେ ମୁଁ କ୍ଷୟକୁ କହିଅଛି, ତୁମ୍ଭେ ମୋହର ପିତା; କୀଟକୁ କହିଅଛି, ତୁମ୍ଭେ ମୋହର ମାତା ଓ ଭଗିନୀ;
\v 15 ତେବେ ମୋହର ଭରସା କାହିଁ ? ଓ ମୋହର ଭରସା କିଏ ଦେଖିବ ?
\v 16 ତାହା ପାତାଳର ଅର୍ଗଳ ଆଡ଼କୁ ଓହ୍ଲାଇ ଯିବ, ତହିଁରେ ଏକାବେଳେ ଧୂଳିରେ ବିଶ୍ରାମ ହେବ ।
\s5
\c 18
\s ବିଲ୍‍ଦଦ୍‍ - ଦୁଷ୍ଟ ପ୍ରତି ଈଶ୍ୱରଙ୍କ ପ୍ରହାର
\p
\v 1 ଏଥିଉତ୍ତାରେ ଶୂହୀୟ ବିଲ୍‍ଦଦ୍‍ ଉତ୍ତର କରି କହିଲା, "ତୁମ୍ଭେମାନେ କେତେ କାଳ କଥା ଧରିବା ପାଇଁ ଜାଲ ପାତିବ ?
\v 2 ବିବେଚନା କର, ତହିଁ ଉତ୍ତାରେ ଆମ୍ଭେମାନେ କହିବା ।
\s5
\v 3 ଆମ୍ଭେମାନେ କାହିଁକି ପଶୁ ପରି ଗଣା ଯାଉଅଛୁ ଓ ତୁମ୍ଭମାନଙ୍କ ଦୃଷ୍ଟିରେ ଅଶୁଚି ହୋଇଅଛୁ ?
\v 4 କ୍ରୋଧରେ ଆପଣାକୁ ବିଦୀର୍ଣ୍ଣ କରୁଅଛ ଯେ ତୁମ୍ଭେ, ତୁମ୍ଭ ପାଇଁ କ'ଣ ପୃଥିବୀ ପରିତ୍ୟକ୍ତ ହେବ ? ଅବା ଶୈଳ କ'ଣ ସ୍ୱସ୍ଥାନରୁ ଦୂରୀକୃତ ହେବ ?
\s5
\v 5 ହଁ, ଦୁଷ୍ଟର ଦୀପ୍ତି ନିଭାଯିବ ଓ ତାହାର ଅଗ୍ନିକଣା ନିସ୍ତେଜ ହେବ ।
\v 6 ତାହାର ତମ୍ବୁରେ ଆଲୁଅ ଅନ୍ଧାର ହେବ ଓ ତାହାର ଉପରିସ୍ଥ ପ୍ରଦୀପ ନିଭାଯିବ ।
\s5
\v 7 ତାହାର ସାମର୍ଥ୍ୟର ଗତି ସଙ୍କୁଚିତ ହେବ ଓ ତାହାର ନିଜ ମନ୍ତ୍ରଣା ତାହାକୁ ତଳେ ପକାଇବ ।
\v 8 ସେ ଆପଣା ଚରଣ ଦ୍ୱାରା ଜାଲରେ ପଡ଼େ ଓ ସେ ଫାନ୍ଦ ଉପରେ ଗମନାଗମନ କରେ ।
\s5
\v 9 ଫାଶ ତାହାର ଗୋଇଠିକି ଧରିବ ଓ ଜାଲ ତାହାକୁ ଧରିବ ।
\v 10 ତାହା ପାଇଁ ଫାଶ ଭୂମିରେ ଗୁପ୍ତ ଅଛି ଓ ପଥରେ ତାହା ପାଇଁ ଯନ୍ତା ଅଛି ।
\v 11 ଭୟଙ୍କରତା ତାହାକୁ ଚତୁର୍ଦ୍ଦିଗରେ ଭୀତ କରିବ ଓ ତାହାର ଗୋଡ଼େ ଗୋଡ଼େ ଗୋଡ଼ାଇବ ।
\s5
\v 12 ତାହାର ବଳ କ୍ଷୁଧାରେ କ୍ଷୀଣ ହେବ ଓ ତାହାର ଶେଷ ସମୟକୁ ବିପଦ ପ୍ରସ୍ତୁତ ଥିବ ।
\v 13 ତାହା ତାହାର ଶରୀରର ଅବୟବସବୁ ଗ୍ରାସ କରିବ, ହଁ, ମୃତ୍ୟୁର ପ୍ରଥମଜାତ ତାହାର ଅବୟବସବୁ ଗ୍ରାସ କରିବ ।
\s5
\v 14 ସେ ଆପଣା ବିଶ୍ୱାସ-ସ୍ଥଳରୂପ ତମ୍ବୁରୁ ଉତ୍ପାଟିତ ହେବ ଓ ସେ ଭୟଙ୍କର ରାଜା ନିକଟକୁ ଅଣାଯିବ ।
\v 15 ତାହାର ଅସମ୍ପର୍କୀୟ ଲୋକ ତାହାର ତମ୍ବୁରେ ବାସ କରିବ, ତାହାର ନିବାସ-ସ୍ଥାନ ଉପରେ ଗନ୍ଧକ ବିଞ୍ଚାଯିବ ।
\s5
\v 16 ତଳେ ତାହାର ମୂଳ ଶୁଷ୍କ ହେବ ଓ ଉପରେ ତାହାର ଶାଖା ଉଚ୍ଛିନ୍ନ ହେବ ।
\v 17 ପୃଥିବୀରୁ ତାହାର ସ୍ମୃତି ଲୁପ୍ତ ହେବ ଓ ପଥରେ କେହି ତାହାର ନାମ ଧରିବ ନାହିଁ ।
\s5
\v 18 ସେ ଆଲୁଅରୁ ଅନ୍ଧାରକୁ ତଡ଼ାଯିବ ଓ ଜଗତରୁ ଘଉଡ଼ାଯିବ ।
\v 19 ଆପଣା ଲୋକଙ୍କ ମଧ୍ୟରେ ତାହାର ପୁତ୍ର କି ପୌତ୍ର ରହିବେ ନାହିଁ, କିଅବା ତାହାର ପ୍ରବାସ-ସ୍ଥାନରେ କେହି ରହିବେ ନାହିଁ ।
\v 20 ଯେପରି ପୂର୍ବବର୍ତ୍ତୀ ଲୋକମାନେ ତାହାର ଦିନ ଲାଗି ଭୀତ ହୋଇଥିଲେ, ସେପରି ପଶ୍ଚାଦ୍‍ବର୍ତ୍ତୀ ଲୋକମାନେ ଚମତ୍କୃତ ହେବେ ।
\s5
\v 21 ନିଶ୍ଚୟ ଅଧାର୍ମିକର ବସତି ଏହିପରି ଓ ପରମେଶ୍ୱରଙ୍କୁ ନ ଜାଣିବା ଲୋକର ସ୍ଥାନ ଏହି ।"
\s5
\c 19
\s ଆୟୁବ - ମୋହର ମୁକ୍ତିକର୍ତ୍ତା ଜୀବିତ
\p
\v 1 ଏଥିରେ ଆୟୁବ ଉତ୍ତର କରି କହିଲା,
\v 2 "ତୁମ୍ଭେମାନେ କେତେ କାଳ ମୋ' ପ୍ରାଣକୁ ବିରକ୍ତ କରିବ ଓ କଥାରେ ମୋତେ ଖଣ୍ଡ ଖଣ୍ଡ କରି ଭାଙ୍ଗିବ ?
\s5
\v 3 ତୁମ୍ଭେମାନେ ଦଶ ଥର ମୋତେ ତିରସ୍କାର କରି ସାରିଲଣି, ମୋ' ପ୍ରତି ନିଷ୍ଠୁର ବ୍ୟବହାର କରିବାରେ ତୁମ୍ଭେମାନେ ଲଜ୍ଜିତ ହେଉ ନାହଁ ।
\v 4 ହେଉ, ମୁଁ ଭ୍ରମ କରିଅଛି, ମୋହର ଭ୍ରମ ମୋ' ସଙ୍ଗେ ଥାଏ ।
\s5
\v 5 ଯେବେ ତୁମ୍ଭେମାନେ ନିତାନ୍ତ ମୋ' ଉପରେ ଆପଣାମାନଙ୍କୁ ବଡ଼ କରିବ ଓ ମୋ' ବିରୁଦ୍ଧରେ ମୋ' ଗ୍ଳାନିର ପ୍ରତିବାଦ କରିବ;
\v 6 ତେବେ ଜାଣ ଯେ, ପରମେଶ୍ୱର ମୋ' ବିଷୟରେ ବିପରୀତ କରିଅଛନ୍ତି ଓ ଆପଣା ଜାଲରେ ମୋତେ ଚାରିଆଡ଼େ ଘେରିଅଛନ୍ତି ।
\s5
\v 7 ଦେଖ, ମୁଁ ଅନ୍ୟାୟପ୍ରଯୁକ୍ତ କ୍ରନ୍ଦନ କରେ, ମାତ୍ର ତାହା ଶୁଣାଯାଉ ନାହିଁ; ମୁଁ ସାହାଯ୍ୟ ନିମନ୍ତେ ଆର୍ତ୍ତନାଦ କରେ, ମାତ୍ର କିଛି ବିଚାର ହୁଏ ନାହିଁ ।
\v 8 ସେ ମୋ' ପଥ ରୁଦ୍ଧ କରିଅଛନ୍ତି, ତହୁଁ ମୁଁ ଯାଇ ନ ପାରେ ଓ ମୋହର ପଥ ଅନ୍ଧକାରମୟ କରିଅଛନ୍ତି ।
\v 9 ସେ ମୋ' ଗୌରବ-ବସ୍ତ୍ର କାଢ଼ି ପକାଇଅଛନ୍ତି ଓ ମୋ' ମସ୍ତକରୁ ମୁକୁଟ ନେଇଅଛନ୍ତି ।
\s5
\v 10 ସେ ଚାରିଆଡ଼େ ମୋତେ ଭାଙ୍ଗି ପକାଇଅଛନ୍ତି, ମୁଁ ସରିଗଲିଣି ଓ ସେ ମୋହର ଭରସା ବୃକ୍ଷ ପରି ଉତ୍ପାଟନ କରିଅଛନ୍ତି ।
\v 11 ମଧ୍ୟ ସେ ମୋ' ବିରୁଦ୍ଧରେ ଆପଣା କ୍ରୋଧ ପ୍ରଜ୍ୱଳିତ କରିଅଛନ୍ତି ଓ ସେ ମୋତେ ଆପଣାର ଜଣେ ବିପକ୍ଷ ପରି ଗଣନା କରନ୍ତି ।
\v 12 ତାହାଙ୍କର ସୈନ୍ୟଗଣ ଏକତ୍ର ଆସନ୍ତି ଓ ମୋ' ବିରୁଦ୍ଧରେ ଆପଣାମାନଙ୍କ ପଥ ପ୍ରସ୍ତୁତ କରନ୍ତି ଓ ମୋ' ତମ୍ବୁ ଚାରିଆଡ଼େ ଛାଉଣି କରନ୍ତି ।
\s5
\v 13 ସେ ମୋହର ଜ୍ଞାତିମାନଙ୍କୁ ମୋ'ଠାରୁ ଦୂର କରିଅଛନ୍ତି ଓ ମୋହର ପରିଚିତ ଲୋକମାନେ ସମ୍ପୂର୍ଣ୍ଣ ରୂପେ ଅପରିଚିତ ହୋଇଅଛନ୍ତି ।
\v 14 ମୋ' କୁଟୁମ୍ବବର୍ଗ ମୋତେ ତ୍ୟାଗ କରିଅଛନ୍ତି ଓ ଆତ୍ମୀୟ ମିତ୍ରଗଣ ମୋତେ ପାସୋରିଅଛନ୍ତି ।
\s5
\v 15 ମୋ' ଗୃହନିବାସୀମାନେ ଓ ମୋ' ଦାସୀମାନେ ମୋତେ ଅଜଣା ଲୋକ କରି ଗଣନ୍ତି; ମୁଁ ସେମାନଙ୍କ ଦୃଷ୍ଟିରେ ବିଦେଶୀ ହୋଇଅଛି ।
\v 16 ମୁଁ ଆପଣା ଦାସକୁ ଡାକିଲେ ଓ ନିଜ ମୁଖରେ ବିନତି କଲେ ହେଁ ସେ ମୋତେ ଉତ୍ତର ଦିଏ ନାହିଁ ।
\s5
\v 17 ମୋ' ନିଶ୍ୱାସ ମୋ' ଭାର୍ଯ୍ୟା ପ୍ରତି ଓ ମୋ' ନିବେଦନ ମୋ' ସହୋଦର ପ୍ରତି ଘୃଣିତ ।
\v 18 ବାଳକମାନେ ମଧ୍ୟ ମୋତେ ଅବଜ୍ଞା କରନ୍ତି; ମୁଁ ଉଠିଲେ, ସେମାନେ ମୋ' ବିରୁଦ୍ଧରେ କଥା କହନ୍ତି ।
\v 19 ମୋହର ସୁହୃଦମାନେ ମୋତେ ଘୃଣା କରନ୍ତି ଓ ଯେଉଁମାନଙ୍କୁ ମୁଁ ସ୍ନେହ କଲି, ସେମାନେ ମୋହର ବିରୁଦ୍ଧ ହୋଇଅଛନ୍ତି ।
\s5
\v 20 ମୋ' ମାଂସ ଓ ଚର୍ମରେ ମୋହର ଅସ୍ଥି ଲାଗି ଯାଇଅଛି ଓ ମୁଁ ଚର୍ମାବଶିଷ୍ଟଦନ୍ତ ହୋଇ ବଞ୍ଚିଅଛି ।
\v 21 ହେ ମୋହର ମିତ୍ରମାନେ, ମୋ' ପ୍ରତି ଦୟା କର, ମୋ' ପ୍ରତି ଦୟା କର; କାରଣ ପରମେଶ୍ୱରଙ୍କ ହସ୍ତ ମୋତେ ସ୍ପର୍ଶ କରିଅଛି ।
\v 22 ପରମେଶ୍ୱରଙ୍କ ପରି ତୁମ୍ଭେମାନେ କାହିଁକି ମୋତେ ତାଡ଼ନା କରୁଅଛ ଓ ମୋ' ମାଂସରେ ତୃପ୍ତ ହେଉ ନାହଁ ?
\s5
\v 23 ଆହା, ଏବେ ମୋ' କଥାସବୁ ଯେବେ ଲେଖା ଯା'ନ୍ତା ! ଆହା, ତାହାସବୁ ଯେବେ ପୁସ୍ତକରେ ଲିଖିତ ହୁଅନ୍ତା !
\v 24 ଯେବେ ଲୌହ ଲେଖନୀ ଓ ସୀସା ଦ୍ୱାରା ସଦାକାଳ ପାଇଁ ତାହାସବୁ ପାଷାଣରେ ଖୋଦିତ ହୁଅନ୍ତା !
\s5
\v 25 ମାତ୍ର ମୁଁ ଜାଣେ ଯେ, ମୋହର ମୁକ୍ତିକର୍ତ୍ତା ଜୀବିତ ଅଟନ୍ତି ଓ ଶେଷରେ ସେ ପୃଥିବୀ ଉପରେ ଠିଆ ହେବେ;
\v 26 ପୁଣି, ମୋହର ଚର୍ମ ଏହି ରୂପେ ବିନଷ୍ଟ ହେଲା ଉତ୍ତାରେ ହେଁ ମୁଁ ମାଂସବିହୀନ ହୋଇ ପରମେଶ୍ୱରଙ୍କୁ ଦେଖିବି;
\v 27 ମୁଁ ତାହାଙ୍କୁ ଆପଣାର ସପକ୍ଷ ଦେଖିବି, ମୋହର ଚକ୍ଷୁ ତାହାଙ୍କୁ ଦେଖିବ, ଅନ୍ୟ ନୁହେଁ । ବକ୍ଷ ମଧ୍ୟରେ ମୋହର ହୃଦୟ କ୍ଷୀଣ ହେଉଅଛି ।
\s5
\v 28 ମୋ'ଠାରେ ମୂଳକଥା ଦେଖାଯିବାରୁ ଯେବେ ତୁମ୍ଭେମାନେ କୁହ, ଆମ୍ଭେମାନେ କିରୂପେ ତାହାକୁ ତାଡ଼ନା କରିବା ?
\v 29 ତେବେ ତୁମ୍ଭେମାନେ ଖଡ଼୍‍ଗ ବିଷୟରେ ଭୀତ ହୁଅ; କାରଣ କୋପ ଖଡ଼୍‍ଗରୂପ ଶାସ୍ତି ଆଣିବ; ତହିଁରେ ବିଚାର ଯେ ଅଛି, ତାହା ତୁମ୍ଭେମାନେ ଜାଣି ପାରିବ ।
\s5
\c 20
\s ସୋଫର - ଦୁଷ୍ଟ ଦୁଃଖଭୋଗ କରନ୍ତି
\p
\v 1 ଏଥିଉତ୍ତାରେ ନାମାଥୀୟ ସୋଫର ଉତ୍ତର କରି କହିଲା,
\v 2 "ଏଥିପାଇଁ ମୋର ଅନ୍ତରସ୍ଥ ଚଞ୍ଚଳତା ସକାଶୁ ମୋହର ଚିନ୍ତା ମୋତେ ଉତ୍ତର ଦିଏ ।
\v 3 ମୁଁ ଯେଉଁ ଅନୁଯୋଗ ଶୁଣିଲି, ତାହା ମୋତେ ଲଜ୍ଜିତ କରେ ଏବଂ ମୋହର ବୁଦ୍ଧିବିଶିଷ୍ଟ ଆତ୍ମା ମୋତେ ଉତ୍ତର ଦିଏ ।
\s5
\v 4 ତୁମ୍ଭେ କ'ଣ ଏହା ଜାଣ ନାହିଁ ଯେ, ପୁରାତନ କାଳରୁ, ପୃଥିବୀରେ ମନୁଷ୍ୟର ସ୍ଥାପନଠାରୁ
\v 5 ଦୁଷ୍ଟର ଜୟଧ୍ୱନି ଅଳ୍ପ କାଳ ଓ ଅଧାର୍ମିକର ଆନନ୍ଦ କ୍ଷଣମାତ୍ର ସ୍ଥାୟୀ ?
\s5
\v 6 ଯଦ୍ୟପି ତାହାର ମହତ୍ତ୍ୱ ଆକାଶ ପର୍ଯ୍ୟନ୍ତ ଉଠେ ଓ ତାହାର ମସ୍ତକ ମେଘ ସ୍ପର୍ଶ କରେ;
\v 7 ତଥାପି ସେ ଆପଣା ମଳ ତୁଲ୍ୟ ଅନନ୍ତ କାଳ ନଷ୍ଟ ହେବ; ଯେଉଁମାନେ ତାହାକୁ ଦେଖିଥିଲେ, ସେମାନେ କହିବେ, ସେ କାହିଁ ?
\s5
\v 8 ସେ ସ୍ୱପ୍ନ ତୁଲ୍ୟ ଉଡ଼ିଯିବ, ଆଉ ଦେଖାଯିବ ନାହିଁ; ହଁ, ସେ ରାତ୍ରିକାଳୀନ ଦର୍ଶନ ତୁଲ୍ୟ ଦୂରୀକୃତ ହେବ ।
\v 9 ଯେଉଁ ଚକ୍ଷୁ ତାହାକୁ ଦେଖିଲା, ଆଉ ତାହାକୁ ଦେଖିବ ନାହିଁ; କିଅବା ତାହାର ବାସସ୍ଥାନ ତାହାକୁ ଆଉ ଦେଖିବ ନାହିଁ ।
\s5
\v 10 ତାହାର ସନ୍ତାନଗଣ ଦରିଦ୍ରମାନଙ୍କର ଅନୁଗ୍ରହ ଚେଷ୍ଟା କରିବେ ଓ ତାହାର ହସ୍ତ ତାହାର ସମ୍ପତ୍ତି ଫେରାଇ ଦେବ ।
\v 11 ତାହାର ଅସ୍ଥି ତାହାର ଯୌବନରେ ପରିପୂର୍ଣ୍ଣ, ମାତ୍ର ତାହା ତାହା ସଙ୍ଗେ ଧୂଳିରେ ଶୟନ କରିବ ।
\s5
\v 12 ଯଦ୍ୟପି ଦୁଷ୍ଟତା ତାହାର ମୁଖକୁ ସୁମିଷ୍ଟ ଲାଗେ, ଯଦ୍ୟପି ସେ ଆପଣା ଜିହ୍ୱା ତଳେ ତାହା ଲୁଚାଇ ରଖେ;
\v 13 ଯଦ୍ୟପି ସେ ତାହା ଯାକି ରଖି ନ ଛାଡ଼େ, ମାତ୍ର ଆପଣା ମୁଖ ମଧ୍ୟରେ ରଖିଥାଏ;
\v 14 ତଥାପି ତାହାର ଆହାର ଉଦରରେ ବିକୃତ ହୁଏ, ତାହା ତାହାର ଅନ୍ତରରେ କାଳସର୍ପର ଗରଳ ସ୍ୱରୂପ ।
\s5
\v 15 ସେ ଧନ ଗ୍ରାସ କରିଅଛି ଓ ସେ ପୁନର୍ବାର ତାହା ଉଦ୍‍ଗାର କରିବ; ପରମେଶ୍ୱର ତାହାର ଉଦରରୁ ତାହାସବୁ ଦୂର କରିବେ ।
\v 16 ସେ କାଳସର୍ପର ବିଷ ଚୁଷିବ; ବିଷଧରର ଜିହ୍ୱା ତାହାକୁ ବଧ କରିବ ।
\s5
\v 17 ସେ ନଦୀମାନ, ଅର୍ଥାତ୍‍, ମଧୁ ଓ ନବନୀତ ପ୍ରବାହୀ ସ୍ରୋତମାନ ଦେଖିବ ନାହିଁ ।
\v 18 ସେ ଯହିଁ ପାଇଁ ପରିଶ୍ରମ କଲା, ତାହା ଫେରାଇ ଦେବ ଓ ଗ୍ରାସ କରିବ ନାହିଁ; ସେ ଆପଣା ପ୍ରାପ୍ତ ସମ୍ପତ୍ତି ଅନୁସାରେ ଆନନ୍ଦ କରିବ ନାହିଁ ।
\v 19 କାରଣ ସେ ଦରିଦ୍ରକୁ ଉପଦ୍ରବ ଓ ତ୍ୟାଗ କରିଅଛି; ସେ ଦୌରାତ୍ମ୍ୟପୂର୍ବକ ଗୃହ ଅପହରଣ କରିଅଛି; ଆଉ ତାହା ନିର୍ମାଣ କରିବ ନାହିଁ ।
\s5
\v 20 ସେ ଆପଣା ଅନ୍ତରରେ କିଛି ଶାନ୍ତି ପାଇଲା ନାହିଁ, ଏଣୁ ସେ ଆପଣା ଇଷ୍ଟ ବସ୍ତୁରୁ କିଛି ହିଁ ରକ୍ଷା କରି ପାରିବ ନାହିଁ ।
\v 21 ଯାହା ସେ ଗ୍ରାସ କଲା ନାହିଁ, ଏପରି କିଛି ନ ଥିଲା; ଏହେତୁ ତାହାର ସୁଦଶା ସ୍ଥାୟୀ ରହିବ ନାହିଁ ।
\v 22 ସେ ଆପଣା ପ୍ରଚୁରତାର ପୂର୍ଣ୍ଣତାରେ କଷ୍ଟ ଭୋଗ କରିବ; ଦୁର୍ଦ୍ଦଶାଗ୍ରସ୍ତ ପ୍ରତ୍ୟେକର ହସ୍ତ ତାହାକୁ ଆକ୍ରମଣ କରିବ ।
\s5
\v 23 ସେ ଆପଣା ଉଦର ପୂର୍ଣ୍ଣ କରିବାକୁ ଉଦ୍ୟତ ହେବା ସମୟରେ ପରମେଶ୍ୱର ତାହା ଉପରେ ଆପଣା କୋପର ପ୍ରଚଣ୍ଡତା ନିକ୍ଷେପ କରିବେ ଓ ସେ ଭୋଜନ କରୁଥିବା ସମୟରେ ତାହା ଉପରେ ତାହା ବୃଷ୍ଟି କରିବେ ।
\v 24 ସେ ଲୌହଅସ୍ତ୍ର ନିକଟରୁ ପଳାଇବ, ଆଉ ପିତ୍ତଳଧନୁର ତୀର ତାହାକୁ ବିଦ୍ଧ କରିବ ।
\v 25 ସେ ତାହା ଟାଣେ ଓ ତାହା ତାହାର ଶରୀରରୁ ବାହାରି ଆସେ; ହଁ, ତାହାର ପିତ୍ତସ୍ଥଳୀରୁ ତେଜସ୍କର ତୀରାଗ୍ର ନିର୍ଗତ ହୁଏ; ସେ ନାନା ଭୟରେ ଆକ୍ରାନ୍ତ ।
\s5
\v 26 ସମୁଦାୟ ଅନ୍ଧକାର ତାହାର ଧନ ରୂପେ ସଞ୍ଚିତ ହୁଏ; ମନୁଷ୍ୟର ଅଫୁଙ୍କା ଅଗ୍ନି ତାହାକୁ ଗ୍ରାସ କରିବ; ତାହା ତାହାର ତମ୍ବୁରେ ଅବଶିଷ୍ଟସକଳ ଭସ୍ମ କରିବ ।
\v 27 ଆକାଶମଣ୍ଡଳ ତାହାର ଅଧର୍ମ ପ୍ରକାଶ କରିବ ଓ ପୃଥିବୀ ତାହାର ବିପକ୍ଷରେ ଉଠିବ ।
\s5
\v 28 ତାହାର ଗୃହର ସମ୍ପତ୍ତି ଉଡ଼ିଯିବ, କ୍ରୋଧ-ଦିନରେ ତାହାର ସର୍ବସ୍ୱ ବହିଯିବ ।
\v 29 ପରମେଶ୍ୱରଙ୍କଠାରୁ ଦୁଷ୍ଟଲୋକର ଏହି ବାଣ୍ଟ ଓ ତାହା ପାଇଁ ଏହା ହିଁ ପରମେଶ୍ୱରଙ୍କ ନିରୂପିତ ଅଧିକାର ।
\s5
\c 21
\s ଆୟୁବ - ଦୁଷ୍ଟ ସମୃଦ୍ଧ ହୁଅନ୍ତି
\p
\v 1 ଏଥିରେ ଆୟୁବ ଉତ୍ତର କରି କହିଲା,
\v 2 "ମନୋଯୋଗ କରି ମୋ' କଥା ଶୁଣ ଓ ତାହା ତୁମ୍ଭମାନଙ୍କର ସାନ୍ତ୍ୱନା ହେଉ ।
\v 3 ମୋତେ ଅନୁମତି ଦିଅ, ମୁଁ ମଧ୍ୟ କଥା କହିବି ଓ ମୁଁ କହିସାରିଲା ଉତ୍ତାରେ ଉପହାସ କରୁଥାଅ ।
\s5
\v 4 ମୋ' ଗୁହାରି କ'ଣ ମନୁଷ୍ୟ ନିକଟରେ ? ତେବେ ମୁଁ କାହିଁକି ଅଧୈର୍ଯ୍ୟ ନୋହିବି ?
\v 5 ମୋତେ ନିରୀକ୍ଷଣ କରି ଚମତ୍କୃତ ହୁଅ ଓ ତୁମ୍ଭମାନଙ୍କ ମୁଖରେ ଆପଣା ଆପଣା ହାତ ଦିଅ ।
\v 6 ମୁଁ ସ୍ମରଣ କଲେ ବ୍ୟାକୁଳ ହୁଏ ଓ ମୋ' ଶରୀର କମ୍ପିତ ହୁଏ ।
\s5
\v 7 ଦୁଷ୍ଟମାନେ କାହିଁକି ଜୀବିତ ଥା'ନ୍ତି, ବୃଦ୍ଧ ହୁଅନ୍ତି ଓ ପରାକ୍ରମରେ ବର୍ଦ୍ଧିଷ୍ଣୁ ହୁଅନ୍ତି ?
\v 8 ସେମାନଙ୍କ ବଂଶ ସେମାନଙ୍କ ସଙ୍ଗେ ସେମାନଙ୍କ ସାକ୍ଷାତରେ ଓ ସେମାନଙ୍କ ସନ୍ତାନସନ୍ତତି ସେମାନଙ୍କ ଦୃଷ୍ଟିଗୋଚରରେ ସ୍ଥିରୀକୃତ ହୁଅନ୍ତି ।
\v 9 ସେମାନଙ୍କ ଗୃହ ଭୟରୁ ରକ୍ଷିତ ଥାଏ, କିଅବା ସେମାନଙ୍କ ଉପରେ ପରମେଶ୍ୱରଙ୍କର ଯଷ୍ଟି ନ ଥାଏ ।
\s5
\v 10 ସେମାନଙ୍କ ବୃଷ ସଙ୍ଗମ କରି ନିଷ୍ଫଳ ହୁଏ ନାହିଁ; ସେମାନଙ୍କର ଗାଭୀ ପ୍ରସବ କରେ ଓ ଗର୍ଭପାତ କରେ ନାହିଁ ।
\v 11 ସେମାନେ ଆପଣା ଆପଣା ବାଳକଗଣକୁ ପଲ ପରି ବାହାରେ ପଠାନ୍ତି ଓ ସେମାନଙ୍କ ସନ୍ତାନଗଣ ନୃତ୍ୟ କରନ୍ତି ।
\v 12 ସେମାନେ ତବଲା ଓ ବୀଣା ବଜାଇ ଗାନ କରନ୍ତି ଓ ବଂଶୀଧ୍ୱନିରେ ଆନନ୍ଦ କରନ୍ତି ।
\s5
\v 13 ସେମାନେ ସମୃଦ୍ଧିରେ ଆପଣା ଆପଣା ଦିନ କ୍ଷେପଣ କରନ୍ତି ଓ ଏକ ନିମିଷରେ ପାତାଳକୁ ଓହ୍ଲାଇ ଯା'ନ୍ତି ।
\v 14 ତଥାପି ସେମାନେ ପରମେଶ୍ୱରଙ୍କୁ କହିଲେ, 'ଆମ୍ଭମାନଙ୍କ ନିକଟରୁ ଦୂର ହୁଅ; କାରଣ ଆମ୍ଭେମାନେ ତୁମ୍ଭ ମାର୍ଗବିଷୟକ ଜ୍ଞାନ ବାଞ୍ଛା କରୁ ନାହୁଁ ।
\v 15 ସର୍ବଶକ୍ତିମାନ କିଏ ଯେ, ଆମ୍ଭେମାନେ ତାହାଙ୍କର ସେବା କରିବା ? ଓ ତାହାଙ୍କ ନିକଟରେ ପ୍ରାର୍ଥନା କଲେ, ଆମ୍ଭେମାନେ କି ଲାଭ ପାଇବା ?'
\s5
\v 16 ଦେଖ, ସେମାନଙ୍କର ସୁଖ ସମୃଦ୍ଧି ସେମାନଙ୍କ ହସ୍ତରେ ନାହିଁ; ଦୁଷ୍ଟମାନଙ୍କ ମନ୍ତ୍ରଣା ମୋ'ଠାରୁ ଦୂରରେ ଥାଏ ।
\v 17 କେତେ ଥର ଦୁଷ୍ଟମାନଙ୍କର ପ୍ରଦୀପ ନିଭାଯାଏ ? ସେମାନଙ୍କ ବିପଦ ସେମାନଙ୍କ ଉପରେ ପଡ଼େ ? ଓ ପରମେଶ୍ୱର ଆପଣା କ୍ରୋଧରେ କ୍ଳେଶ ବିତରଣ କରନ୍ତି ?
\v 18 ସେମାନେ ବାୟୁ ଆଗରେ କୁଟା ପରି ଓ ବତାସରେ ଉଡ଼ନ୍ତା ତୁଷ ପରି ହୁଅନ୍ତି ?
\s5
\v 19 ତୁମ୍ଭେମାନେ କହୁଅଛ, ପରମେଶ୍ୱର ତାହାର ସନ୍ତାନଗଣ ନିମନ୍ତେ ତାହାର ଅଧର୍ମ ସଞ୍ଚୟ କରନ୍ତି । ସେ ତାହାକୁ ହିଁ ପ୍ରତିଫଳ ଦେଉନ୍ତୁ, ତହିଁରେ ସେ ତାହା ଜାଣିବ ।
\v 20 ତାହାର ନିଜ ଚକ୍ଷୁ ତାହାର ବିନାଶ ଦେଖୁ ଓ ସେ ସର୍ବଶକ୍ତିମାନଙ୍କ କ୍ରୋଧ ପାନ କରୁ ।
\v 21 କାରଣ ମଧ୍ୟଭାଗରୁ ତାହାର ମାସସଂଖ୍ୟା କଟା ଗଲେ, ତାହାର ପଶ୍ଚାଦ୍‍ବର୍ତ୍ତୀ ବଂଶରେ କି ତାହାର କିଛି ସନ୍ତୋଷ ଥାଏ ?
\s5
\v 22 ପରମେଶ୍ୱର ଊର୍ଦ୍ଧ୍ୱବାସୀମାନଙ୍କର ଶାସନ କରନ୍ତି, ଏଣୁ କେହି କି ତାହାଙ୍କୁ ଜ୍ଞାନ ଶିଖାଇବ ?
\v 23 କେହି ସମ୍ପୂର୍ଣ୍ଣ ବିଶ୍ରାମ ଓ ଶାନ୍ତି ଭୋଗ କରି ବଳବିଶିଷ୍ଟ ହୋଇ ମରେ;
\v 24 ତାହାର ସ୍ତନ ଦୁଗ୍‍ଧରେ ପରିପୂର୍ଣ୍ଣ ଓ ତାହାର ଅସ୍ଥିର ମେଦ ସତେଜ ଥାଏ ।
\s5
\v 25 ଆଉ, କେହି ପ୍ରାଣର ତିକ୍ତତାରେ ମରେ ଓ କେତେବେଳେ ମଙ୍ଗଳର ଆସ୍ୱାଦ ପାଏ ନାହିଁ ।
\v 26 ଏମାନେ ଏକ ସମାନ ଧୂଳିରେ ଶୟନ କରନ୍ତି ଓ କୀଟ ସେମାନଙ୍କୁ ଆଚ୍ଛାଦନ କରେ ।
\s5
\v 27 ଦେଖ, ମୁଁ ତୁମ୍ଭମାନଙ୍କର ବିଚାରସବୁ ଓ ମୋ' ବିରୁଦ୍ଧରେ ତୁମ୍ଭମାନଙ୍କର ଅନ୍ୟାୟକଳ୍ପିତ ସଙ୍କଳ୍ପସବୁ ଜାଣେ ।
\v 28 କାରଣ ତୁମ୍ଭେମାନେ କହୁଅଛ, ସେହି ଅଧିପତିର ଗୃହ କାହିଁ ? ଓ ସେହି ଦୁଷ୍ଟର ବସତି-ତମ୍ବୁ କାହିଁ ?
\s5
\v 29 ତୁମ୍ଭେମାନେ କ'ଣ ପଥିକମାନଙ୍କୁ ପଚାରି ନାହଁ ? ଓ ତୁମ୍ଭେମାନେ କ'ଣ ସେମାନଙ୍କ ଲକ୍ଷଣ ଜାଣ ନାହିଁ ଯେ,
\v 30 ଦୁଷ୍ଟଲୋକ ବିପଦର ଦିନ ପର୍ଯ୍ୟନ୍ତ ରକ୍ଷିତ ? ଓ ସେମାନେ କୋପର ଦିନ ପର୍ଯ୍ୟନ୍ତ ଘେନା ଯା'ନ୍ତି ?
\s5
\v 31 ତାହାର ସମ୍ମୁଖରେ କିଏ ତାହାର ପଥ ପ୍ରକାଶ କରିବ ? ଓ କିଏ ତାହାର କୃତକର୍ମର ଫଳ ତାହାକୁ ଦେବ ?
\v 32 ତଥାପି ସେ କବରକୁ ବହାଯିବ ଓ କବର ଉପରେ ପ୍ରହରୀ ରହିବ ।
\v 33 ଉପତ୍ୟକାର ମୃତ୍ତିକା ତାହା ପ୍ରତି ମିଷ୍ଟ ହେବ, ଯେପରି ତାହା ପୂର୍ବରେ ଅସଂଖ୍ୟ ଲୋକ, ସେପରି ତାହାର ପଶ୍ଚାତ୍‍ ସମସ୍ତ ଲୋକ ଗମନ କରିବେ ।
\s5
\v 34 ତେବେ କିପରି ତୁମ୍ଭେମାନେ ମୋତେ ବୃଥାରେ ସାନ୍ତ୍ୱନା ଦେଉଅଛ, ତୁମ୍ଭମାନଙ୍କ ଉତ୍ତରରେ ତ କେବଳ ମିଥ୍ୟା ଥାଏ ।"
\s5
\c 22
\s ଇଲୀଫସ୍‍ - ଆୟୁବର ଦୁଷ୍ଟତା ଅଧିକ
\p
\v 1 ଏଥିଉତ୍ତାରେ ତୈମନୀୟ ଇଲୀଫସ୍‍ ଉତ୍ତର କରି କହିଲା,
\v 2 "ମନୁଷ୍ୟ କ'ଣ ପରମେଶ୍ୱରଙ୍କ ପ୍ରତି ଲାଭଜନକ ହୋଇପାରେ ? ଅବଶ୍ୟ ଜ୍ଞାନୀ ଲୋକ ଆପଣା ପ୍ରତି ଲାଭଜନକ ଅଟେ ।
\v 3 ତୁମ୍ଭେ ଯେ ଧାର୍ମିକ ଅଟ, ଏହା କ'ଣ ସର୍ବଶକ୍ତିମାନଙ୍କ ସୁଖର କାରଣ ? ଅବା ତୁମ୍ଭେ ଯେ ଆପଣା ଆଚରଣ ସିଦ୍ଧ କରୁଅଛ, ଏହା କ'ଣ ତାହାଙ୍କ ପ୍ରତି ଲାଭଜନକ ?
\s5
\v 4 ତାହାଙ୍କ ପ୍ରତି ତୁମ୍ଭର ଭୟ ସକାଶୁ ସେ କ'ଣ ତୁମ୍ଭକୁ ଅନୁଯୋଗ କରନ୍ତି ଓ ତୁମ୍ଭ ସହିତ ବିଚାରରେ ଉପସ୍ଥିତ ହେଉଅଛନ୍ତି ?
\v 5 ତୁମ୍ଭର ଦୁଷ୍ଟତା କ'ଣ ବଡ଼ ନୁହେଁ ? ଓ ତୁମ୍ଭ ଅଧର୍ମର କିଛି ସୀମା ନାହିଁ ।
\s5
\v 6 ଯେଣୁ ତୁମ୍ଭେ ଅକାରଣରେ ଆପଣା ଭାଇଠାରୁ ବନ୍ଧକ ନେଇଅଛ ଓ ତୁମ୍ଭେ ବସ୍ତ୍ରହୀନମାନଙ୍କଠାରୁ ବସ୍ତ୍ର କାଢ଼ି ନେଇଅଛ ।
\v 7 ତୁମ୍ଭେ ପରିଶ୍ରାନ୍ତମାନଙ୍କୁ ପାନ କରିବା ପାଇଁ ଜଳ ଦେଇ ନାହଁ ଓ ତୁମ୍ଭେ କ୍ଷୁଧିତମାନଙ୍କୁ ଆହାର ଦେଇ ନାହଁ ।
\v 8 ମାତ୍ର ବଳବାନ ଲୋକ ପୃଥିବୀ ଅଧିକାର କଲା ଓ ସମ୍ଭ୍ରାନ୍ତ ଲୋକ ତହିଁରେ ବାସ କଲା ।
\s5
\v 9 ତୁମ୍ଭେ ବିଧବାମାନଙ୍କୁ ଖାଲି ହାତରେ ବିଦାୟ କରିଅଛ ଓ ପିତୃହୀନର ବାହୁ ଭଗ୍ନ ହୋଇଅଛି ।
\v 10 ଏହେତୁ ତୁମ୍ଭ ଚାରିଆଡ଼େ ଫାନ୍ଦ ଅଛି ଓ ଆକସ୍ମିକ ଭୟ ତୁମ୍ଭକୁ ବ୍ୟାକୁଳ କରୁଅଛି ।
\v 11 ଅବା ଅନ୍ଧକାର, ଯାହା ଲାଗି ତୁମ୍ଭେ ଦେଖି ନ ପାର ଓ ଜଳରାଶି ତୁମ୍ଭକୁ ଆଚ୍ଛନ୍ନ କରୁଅଛି ।
\s5
\v 12 ପରମେଶ୍ୱର କ'ଣ ଉଚ୍ଚତମ ସ୍ୱର୍ଗରେ ନାହାନ୍ତି ? ଓ ତାରାଗଣର ଉଚ୍ଚତା ଦେଖ, ସେସବୁ କେଡ଼େ ଉଚ୍ଚ !
\v 13 ପୁଣି, ତୁମ୍ଭେ କହୁଅଛ, 'ପରମେଶ୍ୱର କ'ଣ ଜାଣନ୍ତି ?' ସେ ନିବିଡ଼ ଅନ୍ଧକାର ଦେଇ କ'ଣ ବିଚାର କରିପାରନ୍ତି ?
\v 14 ନିବିଡ଼ ମେଘମାଳ ତାହାଙ୍କର ଆବରଣ, ଏଣୁ ସେ ଦେଖନ୍ତି ନାହିଁ ଓ ସେ ଆକାଶମଣ୍ଡଳରେ ଗମନାଗମନ କରନ୍ତି ।
\s5
\v 15 ଯହିଁରେ ଦୁଷ୍ଟ ଲୋକେ ଗମନ କରିଅଛନ୍ତି, ତୁମ୍ଭେ କ'ଣ ସେହି ପୁରାତନ ପଥ ଧରିବ ?
\v 16 ସେମାନେ ଅକାଳରେ ଛିଣ୍ଡାଗଲେ, ସେମାନଙ୍କ ଭିତ୍ତିମୂଳ ସ୍ରୋତ ପରି ଢଳାଗଲା;
\v 17 ସେମାନେ ପରମେଶ୍ୱରଙ୍କୁ କହିଲେ, 'ଆମ୍ଭମାନଙ୍କ ନିକଟରୁ ଦୂର ହୁଅ ଓ ସର୍ବଶକ୍ତିମାନ ଆମ୍ଭମାନଙ୍କ ପାଇଁ କ'ଣ କରି ପାରନ୍ତି ?'
\s5
\v 18 ତଥାପି ସେ ନାନା ଉତ୍ତମ ଦ୍ରବ୍ୟରେ ସେମାନଙ୍କ ଗୃହ ପରିପୂର୍ଣ୍ଣ କଲେ; ମାତ୍ର ଦୁଷ୍ଟମାନଙ୍କ ମନ୍ତ୍ରଣା ଆମ୍ଭଠାରୁ ଦୂରରେ ଥାଏ ।
\v 19 ଧାର୍ମିକମାନେ ତାହା ଦେଖି ଆନନ୍ଦିତ ହୁଅନ୍ତି ଓ ନିର୍ଦ୍ଦୋଷ ଲୋକ ସେମାନଙ୍କୁ ପରିହାସ କରି କହନ୍ତି,
\v 20 ଆମ୍ଭମାନଙ୍କ ବିରୁଦ୍ଧରେ ଉଠିବା ଲୋକେ ନିଶ୍ଚୟ ଉଚ୍ଛିନ୍ନ ହୋଇଅଛନ୍ତି ଓ ଅଗ୍ନି ସେମାନଙ୍କର ଅବଶିଷ୍ଟାଂଶ ଗ୍ରାସ କରିଅଛି ।
\s5
\v 21 ଏବେ ତୁମ୍ଭେ ତାହାଙ୍କ ସହିତ ପରିଚିତ ହୁଅ, ତହିଁରେ ଶାନ୍ତି ହେବ; ତଦ୍ଦ୍ୱାରା ମଙ୍ଗଳ ତୁମ୍ଭ ନିକଟରେ ଉପସ୍ଥିତ ହେବ ।
\v 22 ମୁଁ ବିନୟ କରୁଅଛି, ତାହାଙ୍କ ମୁଖନିର୍ଗତ ବ୍ୟବସ୍ଥା ଗ୍ରହଣ କର ଓ ତାହାଙ୍କ ବାକ୍ୟ ଆପଣା ହୃଦୟରେ ସଞ୍ଚୟ କର ।
\s5
\v 23 ଯେବେ ତୁମ୍ଭେ ସର୍ବଶକ୍ତିମାନଙ୍କ ପ୍ରତି ଫେରିବ, ଯେବେ ଆପଣା ତମ୍ବୁରୁ ଅଧର୍ମ ଦୂର କରିବ, ତେବେ ତୁମ୍ଭେ ଦୃଢ଼ କରାଯିବ ।
\v 24 ପୁଣି, ତୁମ୍ଭେ ଧୂଳିରେ ଆପଣା ଧନ ଓ ନଦୀସ୍ଥିତ ପଥର ମଧ୍ୟରେ ଓଫୀରର ସୁବର୍ଣ୍ଣ ପକାଇ ଦିଅ;
\v 25 ତହିଁରେ ସର୍ବଶକ୍ତିମାନ ତୁମ୍ଭର ଧନ ସ୍ୱରୂପ ଓ ତୁମ୍ଭ ପ୍ରତି ବହୁମୂଲ୍ୟ ରୌପ୍ୟ ସ୍ୱରୂପ ହେବେ ।
\s5
\v 26 କାରଣ ସେତେବେଳେ ତୁମ୍ଭେ ସର୍ବଶକ୍ତିମାନଙ୍କଠାରେ ଆନନ୍ଦ କରିବ ଓ ପରମେଶ୍ୱରଙ୍କ ଆଡ଼େ ଆପଣା ମୁଖ ଟେକିବ ।
\v 27 ତୁମ୍ଭେ ତାହାଙ୍କ ନିକଟରେ ପ୍ରାର୍ଥନା କରିବ ଓ ସେ ତୁମ୍ଭ କଥା ଶୁଣିବେ ଓ ତୁମ୍ଭେ ଆପଣା ମାନତ ପରିଶୋଧ କରିବ ।
\v 28 ମଧ୍ୟ ତୁମ୍ଭେ କୌଣସି ବିଷୟ ମନସ୍ଥ କଲେ, ତାହା ତୁମ୍ଭ ପକ୍ଷରେ ସଫଳ କରାଯିବ; ତୁମ୍ଭର ସକଳ ପଥରେ ଦୀପ୍ତି ପ୍ରକାଶିତ ହେବ ।
\s5
\v 29 ସେମାନେ ତୁମ୍ଭକୁ ଅବନତ କଲେ ତୁମ୍ଭେ କହିବ, ଉନ୍ନତି ହେବ ଓ ସେ ନମ୍ର ଲୋକକୁ ରକ୍ଷା କରିବେ ।
\v 30 ଯେଉଁ ଲୋକ ନିର୍ଦ୍ଦୋଷ ନୁହେଁ, ତାହାକୁ ହିଁ ସେ ଉଦ୍ଧାର କରିବେ; ହଁ, ତୁମ୍ଭ ହସ୍ତର ଶୁଚିତା ଦ୍ୱାରା ସେ ଉଦ୍ଧାର ପାଇବ ।"
\s5
\c 23
\s ଆୟୁବ - ଈଶ୍ୱର କାହାନ୍ତି ?
\p
\v 1 ଏଥିରେ ଆୟୁବ ଉତ୍ତର କରି କହିଲା, "ଆଜି ମଧ୍ୟ ମୋହର ବିଳାପ ବିଦ୍ରୋହଭାବ-ବିଶିଷ୍ଟ;
\v 2 ମୋହର ଅଭିଯୋଗ ଅପେକ୍ଷା ମୋହର ପୀଡ଼ା ଭାରୀ ।
\s5
\v 3 ଆହା, ମୁଁ କେଉଁଠାରେ ତାହାଙ୍କର ଉଦ୍ଦେଶ୍ୟ ପାଇବି, ଯେବେ ଏହା ଜାଣନ୍ତି, ଯେବେ ତାହାଙ୍କ ଆସନ ନିକଟରେ ଉପସ୍ଥିତ ହୋଇ ପାରନ୍ତି !
\v 4 ତେବେ ମୁଁ ତାହାଙ୍କ ଛାମୁରେ ଆପଣା ଗୁହାରି ନିବେଦନ କରନ୍ତି ଓ ଯୁକ୍ତିରେ ଆପଣା ମୁଖ ପୂର୍ଣ୍ଣ କରନ୍ତି ।
\v 5 ସେ ମୋତେ ଯେଉଁ କଥା ଉତ୍ତର ଦିଅନ୍ତେ, ତାହା ଜାଣନ୍ତି ଓ ସେ ଯାହା ମୋତେ କହନ୍ତେ, ତାହା ବୁଝନ୍ତି ।
\s5
\v 6 ସେ କ'ଣ ଆପଣା ମହାପରାକ୍ରମରେ ମୋ' ସଙ୍ଗେ ବିରୋଧ କରିବେ ? ନା; ମାତ୍ର ସେ ମୋ' ପ୍ରତି ମନୋଯୋଗ କରିବେ ।
\v 7 ସେଠାରେ ସରଳ ଲୋକ ତାହାଙ୍କ ସଙ୍ଗେ ଯୁକ୍ତି କରି ପାରିବ, ତହିଁରେ ମୁଁ ଆପଣା ବିଚାରକର୍ତ୍ତାଠାରୁ ଚିରକାଳ ଉଦ୍ଧାର ପାଇବି ।
\s5
\v 8 ଦେଖ, ମୁଁ ଆଗକୁ ଯାଏ, ମାତ୍ର ସେ ସେଠାରେ ନାହାନ୍ତି ଓ ପଛକୁ ଯାଏ, ମାତ୍ର ତାହାଙ୍କୁ ଦେଖି ନ ପାରେ;
\v 9 ସେ କାର୍ଯ୍ୟ କଲା ବେଳେ ଉତ୍ତର ଦିଗକୁ ଯାଏ, ମାତ୍ର ତାହାଙ୍କର ଦର୍ଶନ ପାଇ ନ ପାରେ; ସେ ଦକ୍ଷିଣ ଦିଗରେ ଆପଣାକୁ ଗୋପନ କରନ୍ତି, ତେଣୁ ତାହାଙ୍କୁ ଦେଖି ନ ପାରେ ।
\s5
\v 10 ମାତ୍ର ମୁଁ ଯେଉଁ ପଥ ଅବଲମ୍ବନ କରେ, ସେ ତାହା ଜାଣନ୍ତି; ସେ ମୋହର ପରୀକ୍ଷା କଲା ଉତ୍ତାରେ ମୁଁ ସୁବର୍ଣ୍ଣ ପରି ଉତ୍ତୀର୍ଣ୍ଣ ହେବି ।
\v 11 ମୋହର ପାଦ ତାହାଙ୍କର ପଦଚିହ୍ନ ଦୃଢ଼ ରୂପେ ଧରିଅଛି; ମୁଁ ତାହାଙ୍କ ପଥ ରକ୍ଷା କରିଅଛି ଓ ବିପଥଗାମୀ ହୋଇ ନାହିଁ ।
\v 12 ମୁଁ ତାହାଙ୍କ ଓଷ୍ଠାଧର-ନିର୍ଗତ ଆଜ୍ଞାରୁ ବିମୁଖ ହୋଇ ନାହିଁ; ମୁଁ ଆପଣା ଆବଶ୍ୟକ ଆହାର ଅପେକ୍ଷା ଅଧିକ ତାହାଙ୍କ ମୁଖର ବାକ୍ୟ ସଞ୍ଚୟ କରିଅଛି ।
\s5
\v 13 ମାତ୍ର ସେ ଏକମନା ହୋଇଅଛନ୍ତି, ଆଉ କିଏ ତାହାଙ୍କୁ ଫେରାଇ ପାରିବ ? ପୁଣି, ସେ ଯାହା ଇଚ୍ଛା କରନ୍ତି, ତାହା ହିଁ କରନ୍ତି ।
\v 14 କାରଣ ମୋ' ପାଇଁ ଯାହା ନିରୂପିତ, ତାହା ସେ ସଫଳ କରନ୍ତି ଓ ତାହାଙ୍କର ଏହି ପ୍ରକାର ଅନେକ କର୍ମ ଅଛି ।
\s5
\v 15 ଏନିମନ୍ତେ ମୁଁ ତାହାଙ୍କ ସାକ୍ଷାତରେ ବ୍ୟାକୁଳ ହେଉଅଛି; ମୁଁ ବିବେଚନା କଲେ, ତାହାଙ୍କ ସକାଶେ ଭୀତ ହେଉଅଛି ।
\v 16 କାରଣ ପରମେଶ୍ୱର ମୋ' ହୃଦୟକୁ କ୍ଷୀଣ କରିଅଛନ୍ତି ଓ ସର୍ବଶକ୍ତିମାନ ମୋତେ ବ୍ୟାକୁଳ କରିଅଛନ୍ତି;
\v 17 ଯେଣୁ ମୁଁ ଅନ୍ଧକାର ପୂର୍ବରୁ ଉଚ୍ଛିନ୍ନ ନୋହିଲି, କିଅବା ସେ ମୋ' ମୁଖରୁ ନିବିଡ଼ ଅନ୍ଧକାର ଆଚ୍ଛନ୍ନ କଲେ ନାହିଁ ।
\s5
\c 24
\p
\v 1 କିହେତୁ ସର୍ବଶକ୍ତିମାନଙ୍କ ଦ୍ୱାରା ସମୟ ନିରୂପିତ ହୋଇ ନାହିଁ ଓ ତାହାଙ୍କୁ ଜାଣିବା ଲୋକମାନେ କିହେତୁ ତାହାଙ୍କ ଦିନ ଦେଖନ୍ତି ନାହିଁ ?
\s5
\v 2 କେହି କେହି ଭୂମିର ସୀମାଚିହ୍ନ ଘୁଞ୍ଚାନ୍ତି, ସେମାନେ ବଳରେ ମେଷପଲ ହରଣ କରି ଚରାନ୍ତି ।
\v 3 ସେମାନେ ପିତୃହୀନର ଗର୍ଦ୍ଦଭ ଅଡ଼ାଇ ନିଅନ୍ତି, ବିଧବାର ଗୋରୁ ବନ୍ଧକ ରୂପେ ନିଅନ୍ତି ।
\v 4 ସେମାନେ ଦୀନହୀନକୁ ବାଟରୁ ତଡ଼ି ଦିଅନ୍ତି; ଦେଶସ୍ଥ ଦରିଦ୍ରମାନେ ଏକତ୍ର ଲୁଚନ୍ତି ।
\s5
\v 5 ଦେଖ, ସେମାନେ ପ୍ରାନ୍ତରସ୍ଥ ବନ୍ୟ ଗର୍ଦ୍ଦଭ ତୁଲ୍ୟ ଆପଣା ଆପଣା କାର୍ଯ୍ୟରେ ବାହାରି ଯତ୍ନପୂର୍ବକ ଆହାର ଅନ୍ଵେଷଣ କରନ୍ତି; ଅରଣ୍ୟ ସେମାନଙ୍କ ବାଳକଗଣ ନିମନ୍ତେ ଆହାର ଉତ୍ପନ୍ନ କରେ ।
\v 6 ସେମାନେ କ୍ଷେତ୍ରରେ ଆପଣାମାନଙ୍କ ଖାଦ୍ୟ କାଟନ୍ତି ଓ ଦୁଷ୍ଟର ଦ୍ରାକ୍ଷାକ୍ଷେତ୍ରର ଅବଶିଷ୍ଟ ଫଳ ସାଉଣ୍ଟନ୍ତି ।
\v 7 ସେମାନେ ରାତ୍ରିଯାକ ବସ୍ତ୍ର ବିନା ଉଲଙ୍ଗ ହୋଇ ଶୟନ କରନ୍ତି ଓ ଶୀତକାଳରେ ସେମାନଙ୍କର ଆଚ୍ଛାଦନ ବସ୍ତ୍ର ନ ଥାଏ ।
\s5
\v 8 ସେମାନେ ପର୍ବତରେ ବୃଷ୍ଟିରେ ତିନ୍ତନ୍ତି, ପୁଣି ଆଶ୍ରୟ ଅଭାବରୁ ଶୈଳରେ ଶରଣ ନିଅନ୍ତି ।
\v 9 କେହି କେହି ପିତୃହୀନକୁ ମାତୃସ୍ତନରୁ ଛଡ଼ାଇ ନିଅନ୍ତି ଓ ଦରିଦ୍ରଠାରୁ ବନ୍ଧକ ନିଅନ୍ତି;
\v 10 ଏହେତୁ ସେମାନେ ବସ୍ତ୍ର ବିନା ଉଲଙ୍ଗ ହୋଇ ବୁଲନ୍ତି ଓ କ୍ଷୁଧିତ ହୋଇ ଶସ୍ୟବିଡ଼ା ବହନ୍ତି;
\s5
\v 11 ସେମାନେ ଏହି ଲୋକମାନଙ୍କ ପ୍ରାଚୀର ଭିତରେ ତୈଳ ପ୍ରସ୍ତୁତ କରନ୍ତି ଓ ସେମାନଙ୍କ ଦ୍ରାକ୍ଷାଯନ୍ତ୍ର ଦଳି ତୃଷିତ ହୁଅନ୍ତି ।
\v 12 ଜନପୂର୍ଣ୍ଣ ନଗରରୁ ଲୋକେ କାତରୋକ୍ତି କରନ୍ତି, ଆହତ ଲୋକର ପ୍ରାଣ ଡାକ ପକାଏ; ତଥାପି ପରମେଶ୍ୱର ଏହା ଦୋଷ ରୂପେ ଗଣନା କରନ୍ତି ନାହିଁ ।
\s5
\v 13 ସେମାନଙ୍କର କେହି କେହି ଆଲୁଅର ବିଦ୍ରୋହୀ; ତହିଁର ମାର୍ଗ ସେମାନେ ଜାଣନ୍ତି ନାହିଁ, ଅବା ତହିଁର ପଥରେ ରହନ୍ତି ନାହିଁ ।
\v 14 ହତ୍ୟାକାରୀ ପ୍ରଭାତ ସମୟରେ ଉଠି ଦରିଦ୍ର ଓ ଦୀନହୀନକୁ ବଧ କରେ ଓ ରାତ୍ରିରେ ସେ ଚୋର ପରି ହୁଏ ।
\s5
\v 15 ପାରଦାରିକର ଚକ୍ଷୁ ମଧ୍ୟ ସନ୍ଧ୍ୟାକାଳର ଅପେକ୍ଷା କରି କହେ, କେହି ମୋତେ ଦେଖିବ ନାହିଁ ଓ ସେ ଆପଣା ମୁଖ ଅନ୍ୟ ରୂପ କରେ ।
\v 16 ସେମାନେ ଅନ୍ଧକାରରେ ଗୃହ ସିନ୍ଧି କରନ୍ତି; ସେମାନେ ଦିନ ବେଳେ ଲୁଚି ରହନ୍ତି, ସେମାନେ ଆଲୁଅ ଜାଣନ୍ତି ନାହିଁ ।
\v 17 କାରଣ ସେସମସ୍ତଙ୍କ ପ୍ରତି ପ୍ରଭାତ ମୃତ୍ୟୁଛାୟା ପରି ଅଟେ; ସେମାନେ ମୃତ୍ୟୁଛାୟାର ଭୟାନକତା ଜାଣନ୍ତି ।
\s5
\v 18 ସେ ଜଳ ଉପରେ ଶୀଘ୍ରଗାମୀ; ଦେଶରେ ସେମାନଙ୍କ ଅଧିକାର ଅଭିଶପ୍ତ ଅଟେ; ସେ ଦ୍ରାକ୍ଷାକ୍ଷେତ୍ରର ପଥ ଆଡ଼କୁ ଫେରେ ନାହିଁ ।
\v 19 ଯେପରି ଅନାବୃଷ୍ଟି ଓ ଗ୍ରୀଷ୍ମ ହିମଜଳକୁ, ସେପରି ପାତାଳ ପାପୀମାନଙ୍କୁ ନଷ୍ଟ କରେ ।
\s5
\v 20 ଗର୍ଭ ତାହାକୁ ପାସୋରି ଯିବ; କୀଟ ସୁସ୍ୱାଦୁ ଭକ୍ଷ୍ୟ ପରି ତାହାକୁ ଖାଇବ, ସେ ଆଉ ସ୍ମରଣ କରାଯିବ ନାହିଁ; ପୁଣି, ଅଧର୍ମ ବୃକ୍ଷ ପରି ଭଙ୍ଗା ଯିବ ।
\v 21 ସେ ନିଃସନ୍ତାନା ବନ୍ଧ୍ୟାକୁ ଗ୍ରାସ କରେ ଓ ବିଧବାର ମଙ୍ଗଳ କରେ ନାହିଁ ।
\s5
\v 22 ସେ ଆପଣା ଶକ୍ତିରେ ବିକ୍ରମୀ ଲୋକକୁ ମଧ୍ୟ ଟାଣି ପକାଏ, ସେ ଉଠିଲେ କାହାରି ଜୀବନର ସ୍ଥିରତା ନ ଥାଏ ।
\v 23 ପରମେଶ୍ୱର ସେମାନଙ୍କୁ ନିରାପଦରେ ରହିବାକୁ ଦିଅନ୍ତି ଓ ସେମାନେ ତହିଁରେ ନିର୍ଭର ରଖନ୍ତି ଓ ତାହାଙ୍କ ଦୃଷ୍ଟି ସେମାନଙ୍କ ମାର୍ଗରେ ଥାଏ ।
\s5
\v 24 ସେମାନେ ଉନ୍ନତ ହୁଅନ୍ତି; ତଥାପି ଅଳ୍ପ କାଳରେ ଅନ୍ତର୍ହିତ ହୁଅନ୍ତି; ହଁ, ସେମାନେ ଅବନତ ହୁଅନ୍ତି, ସେମାନେ ଅନ୍ୟ ସମସ୍ତଙ୍କ ପରି ପଥରୁ ଘେନାଯା'ନ୍ତି, ଆଉ ଶସ୍ୟଶିଁଷାର ଅଗ୍ରଭାଗ ପରି କଟାଯା'ନ୍ତି ।
\v 25 ପୁଣି, ବର୍ତ୍ତମାନ ଯେବେ ଏପରି ନ ହୁଏ, ତେବେ କିଏ ଆମ୍ଭକୁ ମିଥ୍ୟାବାଦୀ ବୋଲି ପ୍ରମାଣ କରିବ ଓ ଆମ୍ଭ କଥାକୁ ନିରର୍ଥକ କରିବ ?"
\s5
\c 25
\s ବିଲ୍‍ଦଦ୍‍ - ମନୁଷ୍ୟ ପକ୍ଷେ ଧାର୍ମିକ ଓ ଶୁଚି ଅସମ୍ଭବ
\p
\v 1 ଏଥିରେ ଶୂହୀୟ ବିଲ୍‍ଦଦ୍‍ ଉତ୍ତର କରି କହିଲା,
\v 2 "ପ୍ରଭୁତ୍ୱ ଓ ଭୟ ତାହାଙ୍କଠାରେ ଥାଏ; ସେ ଆପଣା ଉଚ୍ଚସ୍ଥାନରେ ଶାନ୍ତି ସମ୍ପାଦନ କରନ୍ତି ।
\v 3 ତାହାଙ୍କ ସୈନ୍ୟଦଳର କି କୌଣସି ସଂଖ୍ୟା ଅଛି ? କାହା ଉପରେ ତାହାଙ୍କ ଦୀପ୍ତି ଉଦିତ ନ ହୁଏ ?
\s5
\v 4 ତେବେ ମନୁଷ୍ୟ କିରୂପେ ପରମେଶ୍ୱରଙ୍କ ଛାମୁରେ ଧାର୍ମିକ ହୋଇ ପାରିବ ? ଅବା ସ୍ତ୍ରୀଜାତ ଲୋକ କିରୂପେ ଶୁଚି ହୋଇ ପାରିବ ?
\v 5 ଦେଖ, ତାହାଙ୍କ ଦୃଷ୍ଟିରେ ଚନ୍ଦ୍ର ହିଁ ନିସ୍ତେଜ ଅଟେ ଓ ତାରାଗଣ ନିର୍ମଳ ନୁହଁନ୍ତି;
\v 6 ତେବେ କୀଟମାତ୍ର ମନୁଷ୍ୟ କ'ଣ ! ଓ କୃମିମାତ୍ର ମନୁଷ୍ୟ-ସନ୍ତାନ କ'ଣ ?
\s5
\c 26
\s ଆୟୁବ - ଈଶ୍ୱରଙ୍କ ମହିମା ଅସୀମ
\p
\v 1 ତହିଁରେ ଆୟୁବ ଉତ୍ତର କରି କହିଲା,
\v 2 "ତୁମ୍ଭେ କିପରି ବଳହୀନ ଲୋକର ସାହାଯ୍ୟ କରିଅଛ ! ତୁମ୍ଭେ କିପରି ଦୁର୍ବଳ ବାହୁକୁ ଉଦ୍ଧାର କରିଅଛ !
\v 3 ତୁମ୍ଭେ କିପରି ଜ୍ଞାନହୀନ ଲୋକକୁ ପରାମର୍ଶ ଦେଇଅଛ ଓ ପ୍ରଚୁର ରୂପେ ବିଜ୍ଞତା ପ୍ରକାଶ କରିଅଛ !"
\v 4 ତୁମ୍ଭେ କାହାକୁ କଥା କହୁଅଛ ? ତୁମ୍ଭଠାରୁ କାହାର ଆତ୍ମା ନିର୍ଗତ ହେଲା ?
\s5
\v 5 ବିଲ୍‍ଦଦ୍‍ ଉତ୍ତର କରି କହିଲା, ପ୍ରେତଗଣ, ଜଳରାଶି ଓ ତନ୍ନିବାସୀଗଣ ତଳେ କମ୍ପିତ ହୁଅନ୍ତି ।
\v 6 ତାହାଙ୍କ ସମ୍ମୁଖରେ ପାତାଳ ଅନାବୃତ ଓ ଅବଦ୍ଦୋନର କୌଣସି ଆବରଣ ନାହିଁ ।
\s5
\v 7 ସେ ଶୂନ୍ୟ ଉପରେ ଉତ୍ତର-କେନ୍ଦ୍ର ପ୍ରସାରନ୍ତି ଓ ଅବସ୍ତୁ ଉପରେ ପୃଥିବୀକି ଝୁଲାନ୍ତି ।
\v 8 ସେ ଆପଣା ନିବିଡ଼ ମେଘମାଳରେ ଜଳରାଶିକି ବାନ୍ଧନ୍ତି ଓ ତହିଁ ତଳେ ମେଘ ଚିରି ଯାଏ ନାହିଁ ।
\s5
\v 9 ସେ ଆପଣା ସିଂହାସନର ମୁଖ ବନ୍ଦ କରନ୍ତି ଓ ତହିଁ ଉପରେ ଆପଣା ମେଘ ବିସ୍ତୀର୍ଣ୍ଣ କରନ୍ତି ।
\v 10 ସେ ଦୀପ୍ତି ଓ ଅନ୍ଧକାରର ପ୍ରାନ୍ତ ପର୍ଯ୍ୟନ୍ତ ଜଳରାଶି ଉପରେ ସୀମା ନିର୍ଣ୍ଣୟ କରିଅଛନ୍ତି ।
\s5
\v 11 ଆକାଶମଣ୍ଡଳର ସ୍ତମ୍ଭସକଳ ତାହାଙ୍କ ଅନୁଯୋଗରେ କମ୍ପିତ ଓ ଚମତ୍କୃତ ହୁଅନ୍ତି ।
\v 12 ସେ ଆପଣା ପରାକ୍ରମରେ ସମୁଦ୍ରକୁ ମନ୍ଥନ କରନ୍ତି ଓ ଆପଣା ବୁଦ୍ଧିରେ ରାହବକୁ ବିଦ୍ଧ କରନ୍ତି ।
\s5
\v 13 ତାହାଙ୍କ ଶ୍ୱାସ ଦ୍ୱାରା ଆକାଶମଣ୍ଡଳ ସୁଶୋଭିତ ହୁଏ; ତାହାଙ୍କ ହସ୍ତ ଶୀଘ୍ରଗାମୀ ନାଗକୁ ବିଦ୍ଧ କରିଅଛି ।
\v 14 ଦେଖ, ଏହିସବୁ ତାହାଙ୍କ ମାର୍ଗର ପ୍ରାନ୍ତଭାଗ ମାତ୍ର; ଆଉ, ତାହାଙ୍କ ବିଷୟରେ ଆମ୍ଭେମାନେ କେଡ଼େ ଈଷତ୍‍ କ୍ଷୀଣ ସ୍ୱର ଶୁଣୁଥାଉ ! ମାତ୍ର ତାହାଙ୍କ ପରାକ୍ରମର ଗର୍ଜ୍ଜନ କିଏ ବୁଝିପାରେ ?"
\s5
\c 27
\s ଆୟୁବ - ମୋହର ସତ୍ୟତା ରଖିବି
\p
\v 1 ଏଥିଉତ୍ତାରେ ଆୟୁବ ପୁନର୍ବାର ଆପଣା ପ୍ରସଙ୍ଗ ଧରି କହିଲା,
\v 2 "ପରମେଶ୍ୱର, ଯେ ମୋହର ସ୍ୱତ୍ୱ ହରଣ କରିଅଛନ୍ତି; ସର୍ବଶକ୍ତିମାନ, ଯେ ମୋହର ପ୍ରାଣକୁ ତିକ୍ତ କରିଅଛନ୍ତି;
\v 3 (କାରଣ ଏବେ ହେଁ ମୋର ଜୀବନ ମୋ' ମଧ୍ୟରେ ସୁସ୍ଥ ଅଛି ଓ ମୋ' ନାସିକାରେ ପରମେଶ୍ୱର ଦତ୍ତ ନିଶ୍ୱାସ ଅଛି;) ସେ ଜୀବିତ ଥିବା ପ୍ରମାଣେ,
\s5
\v 4 ନିଶ୍ଚୟ ମୋ' ଓଷ୍ଠାଧର ଅଧର୍ମର କଥା କହିବ ନାହିଁ ଓ ମୋହର ଜିହ୍ୱା ପ୍ରତାରଣାର କଥା ଉଚ୍ଚାରଣ କରିବ ନାହିଁ ।
\v 5 ମୁଁ ଯେ ତୁମ୍ଭମାନଙ୍କୁ ନିର୍ଦ୍ଦୋଷ କରିବି, ଏହା କଦାପି ନ ହେଉ; ମୁଁ ମରଣ ପର୍ଯ୍ୟନ୍ତ ମୋହର ସରଳତା ଆପଣାଠାରୁ ଦୂର କରିବି ନାହିଁ ।
\s5
\v 6 ମୁଁ ଆପଣା ଧାର୍ମିକତା ଦୃଢ଼ କରି ଧରୁଅଛି, ଆଉ ତାହା ଛାଡ଼ିବି ନାହିଁ; ମୁଁ ବଞ୍ଚିଥିବା ପର୍ଯ୍ୟନ୍ତ ମୋ' ଅନ୍ତଃକରଣ ମୋତେ ନିନ୍ଦା କରିବ ନାହିଁ ।
\v 7 ମୋହର ଶତ୍ରୁ ଦୁଷ୍ଟର ପରି ହେଉ ଓ ମୋ' ପ୍ରତିକୂଳରେ ଉଠିବା ଲୋକ ଅଧାର୍ମିକ ତୁଲ୍ୟ ହେଉ ।
\s5
\v 8 କାରଣ ଅଧାର୍ମିକ ଲାଭ ପ୍ରାପ୍ତ ହେଲେ ହେଁ, ପରମେଶ୍ୱର ତାହାର ପ୍ରାଣ ହରଣ କଲେ, ତାହାର ପ୍ରତ୍ୟାଶା କଅଣ ?
\v 9 ତାହା ଉପରେ ଦୁଃଖ ଉପସ୍ଥିତ ହେଲେ କି ପରମେଶ୍ୱର ତାହାର କ୍ରନ୍ଦନ ଶୁଣିବେ ?
\v 10 ସେ କି ସର୍ବଶକ୍ତିମାନଙ୍କଠାରେ ଆନନ୍ଦ କରିବ ? ଓ ସବୁ ସମୟରେ ପରମେଶ୍ୱରଙ୍କୁ ଡାକିବ ?
\s5
\v 11 ମୁଁ ପରମେଶ୍ୱରଙ୍କ ହସ୍ତ ବିଷୟରେ ତୁମ୍ଭମାନଙ୍କୁ ଶିକ୍ଷା ଦେବିନ୍ତ ଯାହା ସର୍ବଶକ୍ତିମାନଙ୍କଠାରେ ଅଛି, ତାହା ମୁଁ ଗୋପନ କରିବି ନାହିଁ ।
\v 12 ଦେଖ, ତୁମ୍ଭେ ସମସ୍ତେ ନିଜେ ତାହା ଦେଖିଅଛ; ତେବେ କିହେତୁ ତୁମ୍ଭେମାନେ ସମ୍ପୂର୍ଣ୍ଣ ଅସାର ହୋଇଅଛ ?
\s5
\v 13 ପରମେଶ୍ୱରଙ୍କ ନିକଟରେ ଦୁଷ୍ଟଲୋକର ଏହି ବାଣ୍ଟ ଓ ଉପଦ୍ରବୀମାନେ ସର୍ବଶକ୍ତିମାନଙ୍କଠାରୁ ଏହି ଅଧିକାର ପ୍ରାପ୍ତ ହୁଅନ୍ତି ।
\v 14 ଯେବେ ତାହାର ସନ୍ତାନଗଣ ବୃଦ୍ଧି ପାଆନ୍ତି, ତେବେ ଖଡ଼୍‍ଗ ନିମନ୍ତେ ଓ ତାହାର ସନ୍ତାନସନ୍ତତି ଭକ୍ଷ୍ୟରେ ତୃପ୍ତ ହେବେ ନାହିଁ ।
\s5
\v 15 ତାହାର ଅବଶିଷ୍ଟ ଲୋକମାନେ ମୃତ୍ୟୁରେ କବରସ୍ଥ ହେବେ ଓ ତାହାର ବିଧବାମାନେ କିଛି ବିଳାପ କରିବେ ନାହିଁ ।
\v 16 ଯଦ୍ୟପି ସେ ଧୂଳି ପରି ରୂପା ଗଦା କରେ ଓ କର୍ଦ୍ଦମ ପରି ବସ୍ତ୍ର ପ୍ରସ୍ତୁତ କରେ,
\v 17 ସେ ତାହା କରିପାରେ, ତଥାପି ଧାର୍ମିକ ଲୋକେ ତାହା ପରିଧାନ କରିବେ ଓ ନିର୍ଦ୍ଦୋଷ ଲୋକେ ରୂପା ବିଭାଗ କରି ନେବେ ।
\s5
\v 18 ସେ କୀଟ ପରି ଓ ଜଗୁଆଳିର କୃତ କୁଟୀର ପରି ଆପଣା ଗୃହ ନିର୍ମାଣ କରେ ।
\v 19 ସେ ଧନୀ ହୋଇ ଶୟନ କରେ, ମାତ୍ର ସେ ସଂଗୃହୀତ ହେବ ନାହିଁ; ସେ ଆପଣା ଚକ୍ଷୁ ଫିଟାଏ, ଆଉ ସେ ନ ଥାଏ ।
\s5
\v 20 ଜଳରାଶି ପରି ତାହାକୁ ଭୟ ଆକ୍ରମଣ କରେ; ରାତ୍ରିରେ ତୋଫାନ ତାହାକୁ ଅପହରଣ କରି ନିଏ ।
\v 21 ପୂର୍ବୀୟ ବାୟୁ ତାହାକୁ ଉଡ଼ାଇ ନିଏ ଓ ସେ ଚାଲିଯାଏ ଓ ସେ ତାହାକୁ ସ୍ୱସ୍ଥାନରୁ ଝାଡ଼ି ନିଏ ।
\s5
\v 22 କାରଣ ପରମେଶ୍ୱର ଦୟା ନ କରି ତାହା ପ୍ରତି ତୀର ନିକ୍ଷେପ କରିବେ; ସେ ତାହାଙ୍କ ହସ୍ତରୁ ପଳାଇବାକୁ ଇଚ୍ଛା କରିବ ।
\v 23 ଲୋକମାନେ ତାହା ପ୍ରତି ହାତତାଳି ମାରିବେ ଓ ଶୀଶ୍‍ ମାରି ତାହାକୁ ସ୍ୱସ୍ଥାନରୁ ଦୂର କରିବେ ।
\s5
\c 28
\s ଆୟୁବ - ଜ୍ଞାନର ଅବସ୍ଥିତି କେଉଁଠାରେ ?
\p
\v 1 ନିଶ୍ଚୟ ରୂପାର ଆକର ଅଛି ଓ ଲୋକମାନେ ଯେଉଁ ସୁବର୍ଣ୍ଣ ପରିଷ୍କାର କରନ୍ତି, ତହିଁର ସ୍ଥାନ ଅଛି ।
\v 2 ମୃତ୍ତିକାରୁ ଲୁହା କଢ଼ାଯାଏ ଓ ପ୍ରସ୍ତରରୁ ପିତ୍ତଳ ତରଳାଯାଏ ।
\s5
\v 3 ମନୁଷ୍ୟ ଅନ୍ଧକାରର ସୀମା ନିର୍ଣ୍ଣୟ କରେ ଓ ପ୍ରାନ୍ତସୀମା ପର୍ଯ୍ୟନ୍ତ ନିବିଡ଼ ଅନ୍ଧକାର ଓ ମୃତ୍ୟୁଚ୍ଛାୟାସ୍ଥିତ ପ୍ରସ୍ତରସବୁ ଅନୁସନ୍ଧାନ କରେ ।
\v 4 ସେ ମନୁଷ୍ୟମାନଙ୍କ ପ୍ରବାସ-ସ୍ଥାନରୁ ଦୂରରେ ସୁଡ଼ଙ୍ଗ ଖୋଳେ; ସେମାନେ ନିକଟଗାମୀ ଚରଣ ଦ୍ୱାରା ବିସ୍ମୃତ ହୁଅନ୍ତି; ସେମାନେ ମନୁଷ୍ୟମାନଙ୍କଠାରୁ ଦୂରରେ ଝୁଲନ୍ତି, ସେମାନେ ଏଣେତେଣେ ଦୋହଲନ୍ତି ।
\s5
\v 5 ମୃତ୍ତିକାରୁ ଖାଦ୍ୟ ଉତ୍ପନ୍ନ ହୁଏ ଓ ତହିଁର ଅଧୋଭାଗ ଅଗ୍ନି ଦ୍ୱାରା ଲଣ୍ଡଭଣ୍ଡ ହେଲା ପରି ହୁଏ ।
\v 6 ତହିଁର ପ୍ରସ୍ତର ନୀଳକାନ୍ତ ମଣିର ସ୍ଥାନ ଓ ତହିଁରେ ସୁବର୍ଣ୍ଣ ରେଣୁ ଥାଏ ।
\s5
\v 7 କୌଣସି ଶିକାରୀ ପକ୍ଷୀ ସେହି ପଥ ଜାଣେ ନାହିଁ, କିଅବା ବାଜପକ୍ଷୀର ଚକ୍ଷୁ ହିଁ ତାହା ଦେଖି ନାହିଁ;
\v 8 ଦର୍ପୀ ପଶୁଗଣ ତହିଁରେ ଗତାୟାତ କରି ନାହାନ୍ତି, ଅବା ଭୟାନକ ସିଂହ ତହିଁ ନିକଟ ଦେଇ ଯାଇ ନାହିଁ ।
\s5
\v 9 ମନୁଷ୍ୟ ଦୃଢ଼ ଶୈଳ ଉପରେ ଆପଣା ହାତ ଦିଏ; ସେ ପର୍ବତଗଣକୁ ସମୂଳେ ଓଲ୍‍ଟାଇ ପକାଏ ।
\v 10 ସେ ଶୈଳ ମଧ୍ୟରେ ନାଳ କାଟେ ଓ ତାହାର ଚକ୍ଷୁ ସର୍ବପ୍ରକାର ବହୁମୂଲ୍ୟ ଦ୍ରବ୍ୟ ଦେଖେ ।
\v 11 ନ ଝରିବା ପାଇଁ ସେ ଜଳସ୍ରୋତ ବନ୍ଦ କରେ; ଆଉ, ସେ ଆଲୁଅକୁ ଗୁପ୍ତ ଦ୍ରବ୍ୟ ଆଣେ ।
\s5
\v 12 ମାତ୍ର ଜ୍ଞାନ କେଉଁଠାରେ ପ୍ରାପ୍ତ ହୁଏ ? ଓ ବୁଦ୍ଧିର ସ୍ଥାନ କାହିଁ ?
\v 13 ମନୁଷ୍ୟ ତହିଁର ମୂଲ୍ୟ ଜାଣେ ନାହିଁ; କିଅବା ଜୀବିତମାନଙ୍କ ଦେଶରେ ତାହା ମିଳେ ନାହିଁ ।
\v 14 ବାରିଧି କହେ, ତାହା ମୋ'ଠାରେ ନାହିଁ; ପୁଣି, ସମୁଦ୍ର କହେ, ତାହା ମୋ'ଠାରେ ନାହିଁ ।
\s5
\v 15 ସୁବର୍ଣ୍ଣ ଦ୍ୱାରା ତାହା ପ୍ରାପ୍ତ ହୋଇ ନ ପାରେ, କିଅବା ତହିଁର ମୂଲ୍ୟାର୍ଥେ ରୂପା ତୌଲା ଯିବ ନାହିଁ ।
\v 16 ଓଫୀର୍‍ର ସୁବର୍ଣ୍ଣ ଦ୍ୱାରା ତହିଁର ମୂଲ୍ୟ କରାଯାଇ ନ ପାରେ, ବହୁମୂଲ୍ୟ ଗୋମେଦକ ଅବା ନୀଳକାନ୍ତ ମଣି ଦ୍ୱାରା ନୁହେଁ ।
\v 17 ସ୍ୱର୍ଣ୍ଣ ଓ କାଚ ତହିଁର ସମାନ ହୋଇ ନ ପାରେ; କିଅବା ଶୁଦ୍ଧ ସ୍ୱର୍ଣ୍ଣାଭରଣ ତହିଁର ପରିବର୍ତ୍ତ ହେବ ନାହିଁ ।
\s5
\v 18 ତହିଁ ନିକଟରେ ପ୍ରବାଳ ଓ ସ୍ପଟିକର କଥା କୁହାଯାଏ ନାହିଁ; କାରଣ ପଦ୍ମରାଗ ମଣି ଅପେକ୍ଷା ଜ୍ଞାନର ମୂଲ୍ୟ ଅଧିକ ।
\v 19 କୂଶଦେଶୀୟ ପୀତମଣି ତହିଁର ସମାନ ହେବ ନାହିଁ, କିଅବା ନିର୍ମଳ ସୁବର୍ଣ୍ଣରେ ତହିଁର ମୂଲ୍ୟ କରାଯିବ ନାହିଁ ।
\s5
\v 20 ତେବେ ଜ୍ଞାନ କେଉଁଠାରୁ ଆସେ ? ଓ ବୁଦ୍ଧିର ସ୍ଥାନ କାହିଁ ?
\v 21 ତାହା ତ ସମସ୍ତ ପ୍ରାଣୀଙ୍କ ଚକ୍ଷୁରୁ ଗୁପ୍ତ ଓ ଆକାଶର ପକ୍ଷୀମାନଙ୍କଠାରୁ ଆବୃତ କରାଯାଇଅଛି ।
\v 22 ବିନାଶ ଓ ମୃତ୍ୟୁ କହନ୍ତି, ଆମ୍ଭେମାନେ ସ୍ୱକର୍ଣ୍ଣରେ ତହିଁର ଜନରବ ଶୁଣିଅଛୁ ।
\s5
\v 23 ପରମେଶ୍ୱର ତହିଁର ପଥ ଜାଣନ୍ତି ଓ ସେ ତହିଁର ସ୍ଥାନ ଜ୍ଞାତ ଅଛନ୍ତି ।
\v 24 କାରଣ ସେ ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ ଅନାଇ ଓ ସମୁଦାୟ ଆକାଶମଣ୍ଡଳର ଅଧଃସ୍ଥାନ ଦେଖି
\v 25 ବାୟୁର ଓଜନ ନିରୂପଣ କରନ୍ତି ଓ ପରିମାଣ ଦ୍ୱାରା ଜଳ ପରିମିତ କରନ୍ତି ।
\s5
\v 26 ଯେତେବେଳେ ସେ ବୃଷ୍ଟିର ନିୟମ ନିରୂପଣ କଲେ ଓ ମେଘଗର୍ଜ୍ଜନର ବିଦ୍ୟୁତ ପାଇଁ ପଥ ସ୍ଥିର କଲେ;
\v 27 ସେତେବେଳେ ସେ ତାହା ଦେଖିଲେ ଓ ତାହା ପ୍ରଚାର କଲେ; ସେ ତାହା ସ୍ଥାପନ କଲେ, ଆଉ ତହିଁର ତଦନ୍ତ କଲେ ।
\v 28 ପୁଣି, ସେ ମନୁଷ୍ୟକୁ କହିଲେ, 'ଦେଖ, ପ୍ରଭୁ ବିଷୟକ ଭୟ ହିଁ ଜ୍ଞାନ ଓ କୁକ୍ରିୟା ତ୍ୟାଗ ହିଁ ବୁଦ୍ଧି ।'"
\s5
\c 29
\s ଆୟୁବଙ୍କ ଶେଷ ଅଭିଯୋଗ
\p
\v 1 ଏଥିଉତ୍ତାରେ ଆୟୁବ ପୁନର୍ବାର ଆପଣା ପ୍ରସଙ୍ଗ ଧରି କହିଲା,
\v 2 "ଆହା, ମୁଁ ପୂର୍ବବର୍ତ୍ତୀ ମାସସବୁରେ, ପରମେଶ୍ୱର ମୋତେ ଜଗି ରଖିଥିବା ଦିନସମୂହରେ ଯେପରି ଥିଲି, ସେପରି ଯେବେ ଥା'ନ୍ତି;
\v 3 ସେତେବେଳେ ତାହାଙ୍କ ପ୍ରଦୀପ ମୋ' ମସ୍ତକ ଉପରେ ଆଲୁଅ ଦେଲା ଓ ମୁଁ ତାହାଙ୍କ ଦୀପ୍ତିରେ ଅନ୍ଧକାର ଦେଇ ଗମନ କଲି;
\s5
\v 4 ମୁଁ ଉତ୍ତମ ଅବସ୍ଥାରେ ଥିଲି, ସେତେବେଳେ ମୋ' ତମ୍ବୁ ଉପରେ ପରମେଶ୍ୱରଙ୍କର ଗୁପ୍ତ ବିଷୟ ଥିଲା;
\v 5 ସେତେବେଳେ ସର୍ବଶକ୍ତିମାନ ମୋ' ସଙ୍ଗରେ ଥିଲେ ଓ ମୋହର ସନ୍ତାନଗଣ ମୋ' ଚତୁଃପାର୍ଶ୍ୱରେ ଥିଲେ;
\v 6 ସେତେବେଳେ ମୋହର ଚରଣ ଦୁଗ୍‍ଧରେ ଧୌତ ହେଲା ଓ ଶୈଳ ମୋ' ପାଇଁ ତୈଳ-ନଦୀ ବହାଇଲା ।
\s5
\v 7 ମୁଁ ନଗର-ଦ୍ୱାରକୁ ଯାଇ ଛକ-ସ୍ଥାନରେ ଆପଣା ଆସନ ପ୍ରସ୍ତୁତ କଲେ,
\v 8 ଯୁବା ଲୋକମାନେ ମୋତେ ଦେଖି ଲୁଚିଲେ ଓ ବୃଦ୍ଧ ଲୋକମାନେ ଉଠି ଠିଆ ହେଲେ ।
\s5
\v 9 ଅଧିପତିମାନେ କଥାବାର୍ତ୍ତା କରିବାରୁ ନିବୃତ୍ତ ହେଲେ ଓ ଆପଣା ଆପଣା ମୁଖରେ ହାତ ଦେଲେ;
\v 10 କୁଳୀନମାନଙ୍କ ରବ ନିରସ୍ତ ହେଲା ଓ ସେମାନଙ୍କ ଜିହ୍ୱା ସେମାନଙ୍କ ମୁଖର ତାଳୁକାରେ ଲାଗି ରହିଲା ।
\s5
\v 11 କାରଣ କର୍ଣ୍ଣ ମୋ' କଥା ଶୁଣନ୍ତେ, ମୋତେ କଲ୍ୟାଣ କଲା ଓ ଚକ୍ଷୁ ମୋତେ ଦେଖନ୍ତେ, ମୋ' ପକ୍ଷରେ ସାକ୍ଷ୍ୟ ଦେଲା;
\v 12 ଯେହେତୁ ମୁଁ ଆର୍ତ୍ତନାଦକାରୀ ଦରିଦ୍ରକୁ, ମଧ୍ୟ ଅସହାୟ ପିତୃହୀନକୁ ଉଦ୍ଧାର କଲି ।
\v 13 ନଷ୍ଟକଳ୍ପ ଲୋକର କଲ୍ୟାଣ ମୋ' ଉପରେ ବର୍ତ୍ତିଲା ଓ ମୁଁ ବିଧବାର ହୃଦୟକୁ ଆନନ୍ଦରେ ଗାନ କରାଇଲି ।
\s5
\v 14 ମୁଁ ଧର୍ମ ପରିଧାନ କଲି ଓ ତାହା ମୋତେ ପରିଧାନ କଲା; ମୋହର ଯାଥାର୍ଥିକତା ଆବରଣ-ବସ୍ତ୍ର ଓ ମୁକୁଟ ସ୍ୱରୂପ ଥିଲା ।
\v 15 ମୁଁ ଅନ୍ଧ ପ୍ରତି ଚକ୍ଷୁ ସ୍ୱରୂପ ଓ ଛୋଟା ପ୍ରତି ଚରଣ ସ୍ୱରୂପ ଥିଲି ।
\v 16 ମୁଁ ଦୀନହୀନ ପ୍ରତି ପିତା ସ୍ୱରୂପ ଥିଲି ଓ ମୋ' ଅଜ୍ଞାତ ଲୋକର ଗୁହାରି ମୁଁ ତଦନ୍ତ କଲି ।
\s5
\v 17 ଆଉ, ମୁଁ ଅଧାର୍ମିକର କଳପାଟି ଭାଙ୍ଗି ପକାଇଲି ଓ ତାହାର ଦନ୍ତରୁ ଶିକାର ଛଡ଼ାଇ ନେଲି ।
\v 18 ସେସମୟରେ ମୁଁ କହିଲି, ମୁଁ ଆପଣା ବସାରେ ମରିବି ଓ ମୁଁ ବାଲୁକା ପରି ଆପଣା ଦିନ ବୃଦ୍ଧି କରିବି;
\v 19 ମୋହର ଚେର ଜଳ ପର୍ଯ୍ୟନ୍ତ ପ୍ରସାରିତ ହୋଇଅଛି ଓ ମୋହର ଶାଖା ଉପରେ ରାତ୍ରିଯାକ କାକର ଥାଏ;
\s5
\v 20 ମୋହର ଗୌରବ ମୋ'ଠାରେ ସତେଜ ଥାଏ ଓ ମୋ' ଧନୁ ମୋ' ହସ୍ତରେ ନୂତନୀକୃତ ହୁଏ ।
\v 21 ଲୋକମାନେ ମୋ' ଆଡ଼େ କର୍ଣ୍ଣ ଦେଇ ଅପେକ୍ଷା କଲେ ଓ ମୋହର ପରାମର୍ଶ ପାଇଁ ନୀରବ ରହିଲେ ।
\v 22 ମୋ' କଥା ଉତ୍ତାରେ ସେମାନେ ଆଉ କଥା କହିଲେ ନାହିଁ; ପୁଣି, ମୋ' କଥା ସେମାନଙ୍କ ଉପରେ ଟୋପା ଟୋପା ହୋଇ ପଡ଼ିଲା ।
\s5
\v 23 ଆଉ, ଯେପରି ବୃଷ୍ଟି ପାଇଁ, ସେପରି ସେମାନେ ମୋ' ପାଇଁ ଅପେକ୍ଷା କଲେ ଓ ଯେପରି ଶେଷବୃଷ୍ଟି ପାଇଁ, ସେପରି ସେମାନେ ଆପଣା ଆପଣା ମୁଖ ପ୍ରଶସ୍ତ କରି ମେଲା କଲେ ।
\v 24 ମୁଁ ସେମାନଙ୍କ ପ୍ରତି ହସିଲେ ସେମାନେ ବିଶ୍ୱାସ କଲେ ନାହିଁ ଓ ମୋ' ମୁଖର ତେଜ ନିସ୍ତେଜ କଲେ ନାହିଁ ।
\s5
\v 25 ମୁଁ ସେମାନଙ୍କ ପଥ ମନୋନୀତ କରି ପ୍ରଧାନ ହୋଇ ବସିଲି ଓ ସୈନ୍ୟଦଳ ମଧ୍ୟରେ ରାଜା ପରି ଓ ଶୋକାର୍ତ୍ତମାନଙ୍କର ସାନ୍ତ୍ୱନାକାରୀ ପରି ବାସ କଲି ।
\s5
\c 30
\s ମାତ୍ର ଏବେ ମୋ' ଅପେକ୍ଷା ଅଳ୍ପବୟସ୍କ
\p
\v 1 ଲୋକମାନେ ମୋତେ ପରିହାସ କରନ୍ତି, ସେମାନଙ୍କ ପିତୃଗଣକୁ ମୁଁ ଆପଣା ପଲରକ୍ଷକ କୁକୁରମାନଙ୍କ ସଙ୍ଗେ ରଖିବାକୁ ତୁଚ୍ଛ କଲି ।
\v 2 ସେମାନଙ୍କ ବାହୁବଳରେ ମୋହର କି ଲାଭ ହୋଇ ପାରେ ? ସେମାନଙ୍କର ଯୌବନାବସ୍ଥା ନଷ୍ଟ ହୋଇଅଛି ।
\v 3 ସେମାନେ ଦରିଦ୍ରତା ଓ ଦୁର୍ଭିକ୍ଷ ସକାଶୁ କ୍ଷୀଣ ହୋଇଅଛନ୍ତି; ସେମାନେ ଘୋର ଉତ୍ସନ୍ନତା ଓ ଶୂନ୍ୟତାରେ ଶୁଷ୍କ ଭୂମି ଚର୍ବଣ କରନ୍ତି ।
\s5
\v 4 ସେମାନେ ବୁଦା ନିକଟରୁ ବିସ୍ୱାଦୁ ଶାକ ଛିଣ୍ଡାନ୍ତି ଓ ରେତମବୃକ୍ଷର ମୂଳ ସେମାନଙ୍କର ଆହାର ।
\v 5 ସେମାନେ ମନୁଷ୍ୟମାନଙ୍କ ମଧ୍ୟରୁ ତାଡ଼ିତ ହୋଇଅଛନ୍ତି; ଲୋକେ ଯେପରି ଚୋର ପଛରେ, ସେପରି ସେମାନଙ୍କ ପଛରେ ଡାକ ପକାନ୍ତି ।
\v 6 ସେମାନେ ଉପତ୍ୟକାର ବିଦୀର୍ଣ୍ଣ ସ୍ଥାନରେ, ପୃଥିବୀର ଓ ଶୈଳର ଗର୍ତ୍ତରେ ବାସ କରିବେ ।
\s5
\v 7 ସେମାନେ ବୁଦା ମଧ୍ୟରେ ଗଧ ପରି ବୋବାନ୍ତି; ସେମାନେ ବିଛୁଆତି ବନରେ ରୁଣ୍ଡ ହୁଅନ୍ତି ।
\v 8 ସେମାନେ ମୂର୍ଖମାନଙ୍କର ସନ୍ତାନ, ସେମାନେ ଇତର ଲୋକଙ୍କ ସନ୍ତାନ; ସେମାନେ କୋରଡ଼ା ଖାଇ ଦେଶରୁ ତଡ଼ା ଯାଇଥିଲେ ।
\s5
\v 9 ମାତ୍ର ଏବେ ମୁଁ ସେମାନଙ୍କର ଗୀତ ସ୍ୱରୂପ ହୋଇଅଛି; ହଁ, ମୁଁ ସେମାନଙ୍କର ଗଳ୍ପ ସ୍ୱରୂପ ହୋଇଅଛି ।
\v 10 ସେମାନେ ମୋତେ ଘୃଣା କରନ୍ତି, ସେମାନେ ମୋ'ଠାରୁ ଦୂରରେ ଠିଆ ହୁଅନ୍ତି ଓ ମୋ' ମୁଖରେ ଛେପ ପକାଇବାକୁ ଡରନ୍ତି ନାହିଁ ।
\v 11 କାରଣ ସେ ଆପଣା ରଜ୍ଜୁ ଫିଟାଇ ମୋତେ କ୍ଳେଶ ଦେଇଅଛନ୍ତି, ଏଣୁ ସେମାନେ ମୋ' ସାକ୍ଷାତରେ ଲଗାମ ପକାଇ ଦେଇଅଛନ୍ତି ।
\s5
\v 12 ଇତର ଲୋକମାନେ ମୋ' ଡାହାଣରେ ଉଠନ୍ତି; ସେମାନେ ମୋ' ଚରଣ ଘୁଞ୍ଚାଇ ଦିଅନ୍ତି ଓ ସେମାନେ ମୋ' ବିରୁଦ୍ଧରେ ବିନାଶର ମାର୍ଗ ପ୍ରସ୍ତୁତ କରନ୍ତି ।
\v 13 ସେମାନେ ମୋର ପଥ ବିଗାଡ଼ନ୍ତି, ସେମାନେ ମୋ' ବିପଦକୁ ଅଗ୍ରସର କରନ୍ତି, ଅନ୍ୟର ସହାୟ ବିନା ହିଁ ସେମାନେ ତାହା କରନ୍ତି ।
\s5
\v 14 ସେମାନେ ପ୍ରଶସ୍ତ ଭଗ୍ନ-ସ୍ଥାନ ଦେଇ ଆସିଲା ପରି ଆସନ୍ତି; ଉଜାଡ଼ ମଧ୍ୟରେ ସେମାନେ ମୋ' ଉପରେ ଗଡ଼ନ୍ତି ।
\v 15 ନାନା ପ୍ରକାର ତ୍ରାସ ମୋତେ ଆକ୍ରମଣ କରିଅଛି, ତାହାସବୁ ବାୟୁ ପରି ମୋହର ସମ୍ଭ୍ରମ ଘଉଡ଼ାନ୍ତି ଓ ମୋହର ମଙ୍ଗଳ ମେଘ ପରି ବହି ଯାଇଅଛି ।
\s5
\v 16 ପୁଣି, ଏବେ ମୋର ପ୍ରାଣ ମୋ' ଅନ୍ତରରେ ତରଳିଯାଏ; କ୍ଳେଶର ଦିନସବୁ ମୋତେ ଆକ୍ରାନ୍ତ କରିଅଛି ।
\v 17 ରାତ୍ରିକାଳରେ ମୋହର ଅସ୍ଥିସବୁ ମୋ' ଭିତରେ ବିଦ୍ଧ ହୁଏ ଓ ମୋତେ କାମୁଡ଼ିବା ବେଦନାସବୁ ବିଶ୍ରାମ ନିଅନ୍ତି ନାହିଁ ।
\s5
\v 18 ମୋ' ରୋଗର ପ୍ରବଳ ଶକ୍ତିରେ ମୋ' ବସ୍ତ୍ର ବିକୃତ ହୋଇଅଛି; ତାହା ମୋ' ଜାମାର ଗଳାପଟି ପରି ମୋତେ ଚାରିଆଡ଼େ ବାନ୍ଧେ ।
\v 19 ସେ ମୋତେ ପଙ୍କରେ ପକାଇ ଦେଇଅଛନ୍ତି, ଆଉ ମୁଁ ଧୂଳି ଓ ଭସ୍ମ ପରି ହୋଇଅଛି ।
\s5
\v 20 ମୁଁ ତୁମ୍ଭକୁ ଡାକ ପକାଉଅଛି, ମାତ୍ର ତୁମ୍ଭେ ମୋତେ ଉତ୍ତର ଦେଉ ନାହିଁ । ମୁଁ ଠିଆ ହେଲେ, ତୁମ୍ଭେ ମୋତେ ଅନାଉଅଛ ।
\v 21 ତୁମ୍ଭେ ମୋ' ପ୍ରତି ନିଷ୍ଠୁର ହୋଇ ଯାଇଅଛ; ତୁମ୍ଭେ ଆପଣା ହସ୍ତର ପରାକ୍ରମରେ ମୋତେ ତାଡ଼ନା କରୁଅଛ ।
\s5
\v 22 ତୁମ୍ଭେ ମୋତେ ବାୟୁକୁ ଉଠାଇ ତହିଁ ଉପରେ ମୋତେ ଚଢ଼ାଉଅଛ ଓ ବତାସରେ ତୁମ୍ଭେ ମୋତେ ଲୀନ କରୁଅଛ ।
\v 23 କାରଣ ମୁଁ ଜାଣେ, ତୁମ୍ଭେ ମୋତେ ମୃତ୍ୟୁ ନିକଟକୁ ଓ ସମସ୍ତ ପ୍ରାଣୀ ପାଇଁ ନିରୂପିତ ଗୃହକୁ ଆଣିବ ।
\s5
\v 24 ନିଶ୍ଚୟ ଭଗ୍ନ ଗୃହାଦିର ରାଶି ବିରୁଦ୍ଧରେ ସେ ଆପଣା ହସ୍ତ ବଢ଼ାଇବେ ନାହିଁ; ତଥାପି ଜଣେ ଆପଣା ବିନାଶ ସମୟରେ ଏହିସବୁ ବିଷୟ ସକାଶୁ ଆର୍ତ୍ତନାଦ କରିପାରେ ।
\v 25 ମୁଁ କି ଦୁଃଖରେ ଥିବା ଲୋକ ପାଇଁ ରୋଦନ କଲି ନାହିଁ ? ଦୀନହୀନ ପାଇଁ କି ମୋହର ପ୍ରାଣ ଦୁଃଖିତ ନୋହିଲା ?
\v 26 ମୁଁ ମଙ୍ଗଳ ଅପେକ୍ଷା କରିବା ବେଳେ ଅମଙ୍ଗଳ ଉପସ୍ଥିତ ହେଲା; ପୁଣି, ମୁଁ ଆଲୁଅର ଅପେକ୍ଷା କଲା ବେଳେ ଅନ୍ଧକାର ଆସିଲା ।
\s5
\v 27 ମୋ' ଅନ୍ତ୍ର ଫୁଟେ, ବିଶ୍ରାମ କରେ ନାହିଁ; ମୋ' ଉପରେ କ୍ଳେଶର ଦିନସବୁ ଉପସ୍ଥିତ ହୋଇଅଛି ।
\v 28 ମୁଁ ସୂର୍ଯ୍ୟ ବିନା ମ୍ଳାନ ହୋଇ ବୁଲୁଥାଏ; ମୁଁ ସମାଜରେ ଠିଆ ହୋଇ ସାହାଯ୍ୟ ପାଇଁ ଆର୍ତ୍ତନାଦ କରେ ।
\v 29 ମୁଁ ଶୃଗାଳମାନଙ୍କର ଭାଇ ଓ ଉଷ୍ଟ୍ରପକ୍ଷୀଙ୍କର ସଙ୍ଗୀ ହୋଇଅଛି ।
\s5
\v 30 ମୋହର ଚର୍ମ କୃଷ୍ଣବର୍ଣ୍ଣ ହୋଇ ମୋ'ଠାରୁ ଝଡ଼ି ପଡ଼ୁଅଛି ଓ ମୋ' ଅସ୍ଥିସବୁ ଉତ୍ତାପରେ ଦଗ୍‍ଧ ହେଉଅଛି ।
\v 31 ତେଣୁ ମୋହର ବୀଣା ଶୋକରେ ଓ ମୋହର ବଂଶୀ କ୍ରନ୍ଦନକାରୀମାନଙ୍କ ସ୍ୱରରେ ପରିଣତ ହୋଇଅଛି ।
\s5
\c 31
\s ଆୟୁବଙ୍କ ଶେଷ ବିନତି
\p
\v 1 ମୁଁ ଆପଣା ଚକ୍ଷୁ ସଙ୍ଗେ ନିୟମ କଲି; ତେବେ ମୁଁ ଯୁବତୀ ପ୍ରତି କିପରି ଅନାଇବି ?
\v 2 କାରଣ ଊର୍ଦ୍ଧ୍ୱସ୍ଥ ପରମେଶ୍ୱରଙ୍କଠାରୁ ପ୍ରାପ୍ତ ଅଂଶ କଅଣ ଓ ଉପରିସ୍ଥ ସର୍ବଶକ୍ତିମାନଙ୍କଠାରୁ ପ୍ରାପ୍ତ ଅଧିକାର କଅଣ ?
\s5
\v 3 ତାହା କି ଅଧାର୍ମିକମାନଙ୍କ ପ୍ରତି ବିପଦ ଓ ଅଧର୍ମାଚାରୀମାନଙ୍କ ପ୍ରତି ଦୁର୍ଗତି ନୁହେଁ ?
\v 4 ସେ କି ମୋହର ମାର୍ଗସବୁ ଦେଖନ୍ତି ନାହିଁ ଓ ମୋହର ପାଦଗତି ଗଣନ୍ତି ନାହିଁ ?
\s5
\v 5 ଯଦି ମୁଁ ଅସାରତାରେ ଗତାୟାତ କରିଥାଏ ଓ ମୋହର ପାଦ ପ୍ରବଞ୍ଚନା-ପଥରେ ବ୍ୟଗ୍ର ହୋଇଥାଏ;
\v 6 ତେବେ ମୁଁ ଧର୍ମ ନିକ୍ତିରେ ତୌଲା ଯାଏ, ତହିଁରେ ପରମେଶ୍ୱର ମୋହର ସରଳତା ଜାଣି ପାରିବେ ।
\s5
\v 7 ଯେବେ ମୋହର ପାଦ ବିପଥରେ ଯାଇଥାଏ ଓ ମୋହର ଅନ୍ତଃକରଣ ମୋ' ଚକ୍ଷୁ ଅନୁସାରେ ଚାଲିଥାଏ ଓ ଯେବେ ମୋ' ହସ୍ତରେ କୌଣସି କଳଙ୍କ ଲାଗିଥାଏ;
\v 8 ତେବେ ମୁଁ ବୁଣେ ଓ ଅନ୍ୟ ଭୋଗ କରୁ; ମୋ' କ୍ଷେତ୍ରର ଶସ୍ୟ ମୂଳୋତ୍ପାଟିତ ହେଉ ।
\s5
\v 9 ଯେବେ ମୋହର ହୃଦୟ କୌଣସି ସ୍ତ୍ରୀ ପ୍ରତି ଲୁବ୍‍ଧ ହୋଇଥାଏ ଓ ମୁଁ ଆପଣା ପ୍ରତିବାସୀର ଦ୍ୱାର ନିକଟରେ ଲୁଚି ବସିଥାଏ;
\v 10 ତେବେ ମୋ' ଭାର୍ଯ୍ୟା ଅନ୍ୟର ଚକି ପେଷୁ ଓ ଅନ୍ୟମାନେ ତାହାକୁ ଭୋଗ କରନ୍ତୁ ।
\s5
\v 11 କାରଣ ତାହା ଗୁରୁତର ଦୋଷ; ଆଉ, ତାହା ବିଚାରକର୍ତ୍ତୃଗଣ ଦ୍ୱାରା ଦଣ୍ଡନୀୟ ଅପରାଧ;
\v 12 କାରଣ ତାହା ସର୍ବନାଶକ ଗ୍ରାସକାରୀ ଅଗ୍ନି ଓ ମୋ' ସର୍ବସ୍ୱର ମୂଳୋତ୍ପାଟିତ କରନ୍ତା ।
\s5
\v 13 ମୋ' ଦାସ କି ଦାସୀ ମୋ' ସଙ୍ଗେ ବିରୋଧ କଲେ, ଯେବେ ମୁଁ ସେମାନଙ୍କର ଗୁହାରି ତୁଚ୍ଛ କରିଥାଏ;
\v 14 ତେବେ ପରମେଶ୍ୱର ଉଠିଲେ, ମୁଁ କଅଣ କରିବି ? ଓ ସେ ବିଚାର କଲେ, ମୁଁ ତାହାଙ୍କୁ କି ଉତ୍ତର ଦେବି ?
\v 15 ଯେ ମୋତେ ଗର୍ଭରେ ନିର୍ମାଣ କଲେ, ସେ କି ତାହାକୁ ନିର୍ମାଣ କଲେ ନାହିଁ ? ଓ ଏକ ବ୍ୟକ୍ତି କି ଗର୍ଭରେ ଆମ୍ଭମାନଙ୍କୁ ଗଢ଼ି ନାହାନ୍ତି ?
\s5
\v 16 ଯେବେ ମୁଁ ଦରିଦ୍ରମାନଙ୍କୁ ସେମାନଙ୍କ ବାଞ୍ଛିତ ବିଷୟରୁ ଅଟକାଇଥାଏ, ଅବା ବିଧବାର ଦୃଷ୍ଟି ମ୍ଳାନ କରିଥାଏ;
\v 17 ଅଥବା ଆପଣାର ଖାଦ୍ୟ ଏକା ଖାଇଥାଏ ଓ ପିତୃହୀନ ତହିଁରୁ ଖାଇ ନ ଥାଏ;
\v 18 (ମାତ୍ର ପିତା ନିକଟରେ ବଢ଼ିଲା ପରି ସେ ମୋହର ବାଲ୍ୟାବସ୍ଥାରୁ ମୋ' ନିକଟରେ ବଢ଼ିଲା ଓ ମୋ' ଜନ୍ମଠାରୁ ମୁଁ ବିଧବାର ପଥଦର୍ଶକ ହୋଇଅଛି ।)
\s5
\v 19 ମୁଁ କାହାକୁ ବସ୍ତ୍ରାଭାବରେ ମୃତକଳ୍ପ, ଅବା ଦୀନହୀନକୁ ଉଲଙ୍ଗ ଦେଖିଲେ,
\v 20 ଯେବେ ତାହାର କଟିଦେଶ ମୋତେ ଆଶୀର୍ବାଦ କରି ନ ଥାଏ ଓ ସେ ମୋ' ମେଷଲୋମରେ ଉଷ୍ଣ ହୋଇ ନ ଥାଏ;
\v 21 ମୁଁ ନଗର-ଦ୍ୱାରରେ ନିଜ ଉପକାରୀକି ଦେଖି ଯେବେ ପିତୃହୀନ ବିରୁଦ୍ଧରେ ଆପଣା ହସ୍ତ ଉଠାଇଥାଏ;
\s5
\v 22 ତେବେ ମୋ' ସ୍କନ୍ଧ ସନ୍ଧିସ୍ଥାନରୁ ଖସି ପଡ଼ୁ ଓ ମୋ' ବାହୁ ଅସ୍ଥିରୁ ଭାଙ୍ଗିଯାଉ ।
\v 23 କାରଣ ପରମେଶ୍ୱରଙ୍କଠାରୁ ବିପଦ ମୋ' ପ୍ରତି ଭୟାନକ ଥିଲା ଓ ତାହାଙ୍କ ମହତ୍ତ୍ୱ ହେତୁରୁ ମୁଁ କିଛି କରି ପାରିଲି ନାହିଁ ।
\s5
\v 24 ଯେବେ ମୁଁ ସୁବର୍ଣ୍ଣକୁ ଆଶାଭୂମି କରିଥାଏ ଓ ତୁମ୍ଭେ ମୋହର ଆଶ୍ରୟ ବୋଲି ଶୁଦ୍ଧ ସୁବର୍ଣ୍ଣକୁ କହିଥାଏ;
\v 25 ମୋହର ସମ୍ପଦ ଅତିଶୟ ହେବାରୁ ଓ ମୋହର ହସ୍ତ ବହୁତ ଲାଭ କରିବାରୁ ଯେବେ ମୁଁ ଆନନ୍ଦ କରିଥାଏ;
\s5
\v 26 ସୂର୍ଯ୍ୟ ଦୀପ୍ତି ଦେବା ବେଳେ ଓ ଚନ୍ଦ୍ର ଜ୍ୟୋସ୍ନାରେ ଗତି କରିବା ବେଳେ ଯେବେ ମୁଁ ତହିଁ ପ୍ରତି ଦୃଷ୍ଟି କରିଥାଏ;
\v 27 ପୁଣି, ମୋହର ଅନ୍ତଃକରଣ ଗୋପନରେ ପ୍ରଲୋଭିତ ହୋଇଥାଏ ଓ ମୋ' ମୁଖ ମୋ' ହସ୍ତକୁ ଚୁମ୍ବନ କରିଥାଏ;
\v 28 ତେବେ ତାହା ହିଁ ବିଚାରକର୍ତ୍ତୃଗଣ ଦ୍ୱାରା ଦଣ୍ଡନୀୟ ଅପରାଧ ହୁଅନ୍ତା; ପୁଣି, ମୁଁ ଊର୍ଦ୍ଧ୍ୱବାସୀ ପରମେଶ୍ୱରଙ୍କ ନିକଟରେ ମିଥ୍ୟାବାଦୀ ହୁଅନ୍ତି ।
\s5
\v 29 ମୋ' ଘୃଣାକାରୀର ବିନାଶରେ ଯେବେ ମୁଁ ଆନନ୍ଦ କରିଥାଏ, ଅବା ଅମଙ୍ଗଳ ତାହାର ଉଦ୍ଦେଶ୍ୟ ପାଇବା ବେଳେ ଦର୍ପ କରିଥାଏ;
\v 30 (ମାତ୍ର ମୁଁ ଅଭିଶାପ ଦେଇ ତାହାର ଜୀବନ ମାଗିବା ନିମନ୍ତେ ପାପ କରିବାକୁ ଆପଣା ମୁଖ ଦେଇ ନାହିଁ;)
\s5
\v 31 ମୋ' ତମ୍ବୁସ୍ଥିତ ଲୋକେ କି କହି ନ ଥା'ନ୍ତି, ତାହାର ଦତ୍ତ ମାଂସରେ ଯେ ତୃପ୍ତ ହୋଇ ନାହିଁ, ଏପରି ଜଣକୁ କିଏ ପାଇପାରେ ?
\v 32 ବିଦେଶୀ ଦାଣ୍ଡରେ ରାତ୍ରି କ୍ଷେପଣ କଲା ନାହିଁ; ମାତ୍ର ମୁଁ ପଥିକ ନିମନ୍ତେ ଦ୍ୱାର ମୁକ୍ତ କଲି;
\s5
\v 33 ଯେବେ ମୁଁ ଆପଣା ବକ୍ଷସ୍ଥଳରେ ନିଜ ଅଧର୍ମ ଗୁପ୍ତ କରିବା ଦ୍ୱାରା ଆଦମ ପରି ଆପଣା ଅପରାଧ ଢାଙ୍କିଥାଏ;
\v 34 ମହାଜନତାକୁ ଭୟ କରିବାରୁ ଓ ଗୋଷ୍ଠୀୟମାନଙ୍କ ତୁଚ୍ଛତା ମୋତେ ତ୍ରସ୍ତ କରିବାରୁ ଯେବେ ମୁଁ ନୀରବ ହୋଇ ଦ୍ୱାର ବାହାରକୁ ଯାଇ ନ ଥାଏ-
\s5
\v 35 ଆଃ, କେହି ଯେବେ ମୋ' କଥା ଶୁଣିବାକୁ ଥା'ନ୍ତା ! (ଏହି ଦେଖ ମୋହର ସ୍ୱାକ୍ଷର, ସର୍ବଶକ୍ତିମାନ ମୋତେ ଉତ୍ତର ଦେଉନ୍ତୁ;) ଓ ମୋ' ପ୍ରତିବାଦୀ ମୋହର ଯେଉଁ ଦୋଷପତ୍ର ଲେଖିଅଛି, ତାହା ଯେବେ ମୁଁ ପାଆନ୍ତି !
\v 36 ତେବେ ନିଶ୍ଚୟ ମୁଁ ଆପଣା ସ୍କନ୍ଧରେ ତାହା ବହନ୍ତି ଓ ମୁକୁଟ ପରି ତାହା ବାନ୍ଧନ୍ତି ।
\v 37 ମୁଁ ଆପଣା ପାଦଗତିର ସଂଖ୍ୟା ତାହାକୁ ଜଣାନ୍ତି; ରାଜା ପରି ତାହାର ନିକଟକୁ ଯାଆନ୍ତି ।
\s5
\v 38 ଯେବେ ମୋ' ଭୂମି ମୋ' ପ୍ରତିକୂଳରେ କ୍ରନ୍ଦନ କରେ ଓ ତହିଁର ଲଙ୍ଗଳ-ଶିଆରସବୁ ଏକତ୍ର ରୋଦନ କରନ୍ତି;
\v 39 ଯେବେ ମୁଁ ମୂଲ୍ୟ ବିନା ତହିଁର ଫଳ ଭୋଗ କରିଥାଏ, ଅବା ତହିଁର ଅଧିକାରୀମାନଙ୍କ ପ୍ରାଣନାଶର କାରଣ ହୋଇଥାଏ;
\v 40 ତେବେ ଗହମ ବଦଳେ କଣ୍ଟକଲତା ଓ ଯବ ବଦଳେ ବିଷବୃକ୍ଷ ବଢ଼ୁ ।
\s5
\c 32
\s ଆୟୁବର ବାକ୍ୟ ସମାପ୍ତ । ତିନି ବନ୍ଧୁଙ୍କୁ ଇଲୀହୂଙ୍କ ଅନୁଯୋଗ
\p
\v 1 ଏହିରୂପେ ଆୟୁବ ନିଜ ଦୃଷ୍ଟିରେ ଧାର୍ମିକ ହେବାରୁ ଏହି ତିନି ଜଣ ଉତ୍ତର ଦେବାରୁ କ୍ଷାନ୍ତ ହେଲେ ।
\v 2 ତହିଁରେ ରାମ୍‍ ଗୋଷ୍ଠୀଜାତ ବୂଷୀୟ ବାରଖେଲର ପୁତ୍ର ଇଲୀହୂର କ୍ରୋଧ ପ୍ରଜ୍ୱଳିତ ହେଲା; ଆୟୁବ ବିରୁଦ୍ଧରେ ତାହାର କ୍ରୋଧ ପ୍ରଜ୍ୱଳିତ ହେଲା, କାରଣ ସେ ପରମେଶ୍ୱରଙ୍କ ଅପେକ୍ଷା ଆପଣାକୁ ଧାର୍ମିକ ମଣିଲା ।
\s5
\v 3 ମଧ୍ୟ ତାହାର ତିନି ବନ୍ଧୁଙ୍କ ପ୍ରତିକୂଳରେ ତାହାର କ୍ରୋଧ ପ୍ରଜ୍ୱଳିତ ହେଲା, କାରଣ ସେମାନେ କୌଣସି ଉତ୍ତର ଦେଇ ନ ପାରିଲେ ହେଁ ଆୟୁବକୁ ଦୋଷୀ କରିଥିଲେ ।
\v 4 ସେମାନେ ଇଲୀହୂଠାରୁ ପ୍ରାଚୀନ ଥିବାରୁ ଇଲୀହୂ ଆୟୁବକୁ କଥା କହିବା ପାଇଁ ଅପେକ୍ଷା କରିଥିଲା ।
\v 5 ପୁଣି, ସେ ସେହି ତିନି ଜଣଙ୍କ ମୁଖରେ କୌଣସି ଉତ୍ତର ନ ଥିବାର ଦେଖି ତାହାର କ୍ରୋଧ ପ୍ରଜ୍ୱଳିତ ହେଲା ।
\s5
\v 6 ଏଥିଉତ୍ତାରେ ବୂଷୀୟ ବାରଖେଲର ପୁତ୍ର ଇଲୀହୂ ଉତ୍ତର କରି କହିଲା, ମୁଁ ଯୁବା ଲୋକ, ଆଉ ତୁମ୍ଭେମାନେ ଅତି ବୃଦ୍ଧ; ଏଣୁ ମୁଁ କ୍ଷାନ୍ତ ହେଲି ଓ ତୁମ୍ଭମାନଙ୍କ ନିକଟରେ ଆପଣା ମତ ପ୍ରକାଶ କରିବାକୁ ସାହସ କଲି ନାହିଁ ।
\v 7 ମୁଁ କହିଲି, ଦିନସମୂହ କଥା କହିବେ ଓ ବର୍ଷର ବାହୁଲ୍ୟ ଜ୍ଞାନ ଶିଖାଇବେ ।
\s5
\v 8 ମାତ୍ର ମନୁଷ୍ୟ ମଧ୍ୟରେ ଗୋଟିଏ ଆତ୍ମା ଅଛି ଓ ସର୍ବଶକ୍ତିମାନଙ୍କ ନିଶ୍ୱାସ ସେମାନଙ୍କୁ ବୁଦ୍ଧି ଦିଏ ।
\v 9 ବଡ଼ ଲୋକେ ଯେ ଜ୍ଞାନବାନ, ତାହା ନୁହେଁ, ଅବା ପ୍ରାଚୀନମାନେ ଯେ ବିଚାର ବୁଝନ୍ତି, ତାହା ନୁହେଁ ।
\v 10 ଏଥିପାଇଁ ମୁଁ କହିଲି, 'ମୋ' କଥା ଶୁଣ; ମୁଁ ମଧ୍ୟ ଆପଣା ମତ ପ୍ରକାଶ କରିବି ।'
\s5
\v 11 ଦେଖ, ମୁଁ ତୁମ୍ଭମାନଙ୍କ କଥା ପାଇଁ ଅପେକ୍ଷା କଲି, କଅଣ କହିବାକୁ ହେବ, ଏହା ତୁମ୍ଭେମାନେ ଅନୁସନ୍ଧାନ କରିବାଯାଏ ତୁମ୍ଭମାନଙ୍କ ଯୁକ୍ତି ପାଇଁ ମନୋଯୋଗ କଲି ।
\v 12 ଆହୁରି, ମୁଁ ତୁମ୍ଭମାନଙ୍କ କଥାରେ ମନ ଦେଲି, ପୁଣି ଦେଖ, ଆୟୁବକୁ ବୋଧ ଦେବାକୁ, ଅବା ତାହାର କଥାର ଉତ୍ତର ଦେବାକୁ ତୁମ୍ଭମାନଙ୍କ ମଧ୍ୟରେ କେହି ନ ଥିଲା ।
\s5
\v 13 ସାବଧାନ, କେଜାଣି ତୁମ୍ଭେମାନେ କହିବ, ଆମ୍ଭେମାନେ ଜ୍ଞାନ ପାଇଅଛୁ; ପରମେଶ୍ୱର ତାହାକୁ ପରାସ୍ତ କରି ପାରିବେ, ମନୁଷ୍ୟ ନୁହେଁ;
\v 14 କାରଣ ସେ ମୋ' ବିରୁଦ୍ଧରେ କଥା କହି ନାହିଁ, କିଅବା ମୁଁ ତୁମ୍ଭମାନଙ୍କ କଥାରେ ତାହାକୁ ଉତ୍ତର ଦେବି ନାହିଁ ।
\s5
\v 15 ସେମାନେ ବିସ୍ମିତ ଅଛନ୍ତି, ସେମାନେ ଆଉ ଉତ୍ତର ଦିଅନ୍ତି ନାହିଁ, ସେମାନଙ୍କର କୌଣସି କଥା କହିବାକୁ ନାହିଁ ।
\v 16 ସେମାନେ କଥା କହନ୍ତି ନାହିଁ, ସେମାନେ ତୁନି ହୋଇ ଠିଆ ହୁଅନ୍ତି, ଆଉ ଉତ୍ତର ଦିଅନ୍ତି ନାହିଁ ବୋଲି କି ମୁଁ ଅପେକ୍ଷା କରିବି ?
\s5
\v 17 ମୁଁ ମଧ୍ୟ ଆପଣାର ଉତ୍ତର ଦେବି, ମୁଁ ଆପଣାର ମତ ପ୍ରକାଶ କରିବି ।
\v 18 କାରଣ ମୁଁ ବାକ୍ୟରେ ପରିପୂର୍ଣ୍ଣ । ମୋହର ଅନ୍ତରସ୍ଥ ଆତ୍ମା ମୋତେ ପ୍ରବର୍ତ୍ତାଏ ।
\v 19 ଦେଖ, ମୋ' ଉଦର ବନ୍ଦ ଦ୍ରାକ୍ଷାରସ ତୁଲ୍ୟ; ନୂତନ କୁମ୍ପା ପରି ତାହା ଫାଟିବାକୁ ଉଦ୍ୟତ ।
\s5
\v 20 ମୁଁ ଉଶ୍ୱାସ ପାଇବା ପାଇଁ କଥା କହିବି; ମୁଁ ଓଷ୍ଠାଧର ଫିଟାଇ ଉତ୍ତର ଦେବି ।
\v 21 ବିନୟ କରୁଅଛି, ମୋତେ କୌଣସି ଲୋକର ମୁଖାପେକ୍ଷା କରିବାକୁ ଦିଅ ନାହିଁ; କିଅବା ମୁଁ କୌଣସି ଲୋକର ଚାଟୁବାଦ କରିବି ନାହିଁ ।
\v 22 କାରଣ ମୁଁ ଚାଟୁବାଦ କରି ଜାଣେ ନାହିଁ; କଲେ ମୋହର ସୃଷ୍ଟିକର୍ତ୍ତା ଶୀଘ୍ର ମୋତେ ସଂହାର କରିବେ ।
\s5
\c 33
\s ଆୟୁବଙ୍କୁ ଇଲୀହୂଙ୍କ ଅନୁଯୋଗ
\p
\v 1 ଯାହା ହେଉ, ବିନୟ କରୁଅଛି, ହେ ଆୟୁବ, ମୋ' କଥା ଶୁଣ ଓ ମୋହର ସମସ୍ତ ବାକ୍ୟରେ କର୍ଣ୍ଣପାତ କର ।
\v 2 ଏବେ ଦେଖ, ମୁଁ ଆପଣା ମୁଖ ଫିଟାଉଅଛି, ମୋ' ଜିହ୍ୱା ମୋ' ମୁଖ ଭିତରେ କଥା କହିଅଛି ।
\v 3 ମୋ' ବାକ୍ୟ ମୋ' ଅନ୍ତଃକରଣର ସରଳତା ପ୍ରକାଶ କରିବ ଓ ମୋହର ଓଷ୍ଠାଧର ଯାହା ଜାଣେ, ତାହା ସରଳ ଭାବରେ କହିବ ।
\s5
\v 4 ପରମେଶ୍ୱରଙ୍କ ଆତ୍ମା ମୋତେ ସୃଷ୍ଟି କରିଅଛନ୍ତି ଓ ସର୍ବଶକ୍ତିମାନଙ୍କ ନିଶ୍ୱାସ ମୋତେ ଜୀବନ ଦିଅନ୍ତି ।
\v 5 ତୁମ୍ଭେ ପାରିଲେ, ମୋତେ ଉତ୍ତର ଦିଅ, ମୋ' ସମ୍ମୁଖରେ ଆପଣା ବାକ୍ୟ ସଜାଇ ଠିଆ ହୁଅ ।
\s5
\v 6 ଦେଖ, ପରମେଶ୍ୱରଙ୍କ ପ୍ରତି ତୁମ୍ଭେ ଯେପରି, ମୁଁ ସେପରି ଅଟେ, ମୁଁ ମଧ୍ୟ ମୃତ୍ତିକାରୁ ନିର୍ମିତ ହୋଇଅଛି ।
\v 7 ଦେଖ, ମୋହର ଭୟାନକତା ତୁମ୍ଭକୁ ଭୀତ କରିବ ନାହିଁ, କିଅବା ମୋହର ଭାର ତୁମ୍ଭ ଉପରେ ଭାରୀ ହେବ ନାହିଁ ।
\s5
\v 8 ନିଶ୍ଚୟ ତୁମ୍ଭେ ମୋହର କର୍ଣ୍ଣଗୋଚରରେ କହିଅଛ ଓ ମୁଁ ତୁମ୍ଭ ବାକ୍ୟର ରବ ଶୁଣିଅଛି, ଯଥା,
\v 9 ମୁଁ ଶୁଚି, ଅପରାଧରହିତ; ମୁଁ ନିର୍ଦ୍ଦୋଷ, ମଧ୍ୟ ମୋ'ଠାରେ ଅଧର୍ମ ନାହିଁ;
\s5
\v 10 ଦେଖ, ସେ ମୋ' ଛିଦ୍ର ଅନ୍ଵେଷଣ କରନ୍ତି, ସେ ମୋତେ ଆପଣା ଶତ୍ରୁ ବୋଲି ଗଣନ୍ତି;
\v 11 ସେ ଯନ୍ତାରେ ମୋହର ପାଦ ରଖନ୍ତି, ସେ ମୋହର ସମସ୍ତ ପଥ ନିରୀକ୍ଷଣ କରନ୍ତି ।
\v 12 ଦେଖ, ମୁଁ ତୁମ୍ଭକୁ ଉତ୍ତର ଦେବି, ଏ ବିଷୟରେ ତୁମ୍ଭେ ଯଥାର୍ଥ ନୁହଁ; କାରଣ ପରମେଶ୍ୱର ମନୁଷ୍ୟ ଅପେକ୍ଷା ମହାନ ଅଟନ୍ତି ।
\s5
\v 13 ତୁମ୍ଭେ କାହିଁକି ତାହାଙ୍କ ସଙ୍ଗେ ବିବାଦ କରୁଅଛ ? ଯେଣୁ ସେ ଆପଣାର କୌଣସି ବିଷୟର କାରଣ ଜଣାନ୍ତି ନାହିଁ ।
\v 14 ପରମେଶ୍ୱର ଥରେ କହନ୍ତି, ଦୁଇ ଥର ହିଁ କହନ୍ତି, ତଥାପି ମନୁଷ୍ୟ ତହିଁରେ ମନ ଦିଏ ନାହିଁ;
\v 15 ସ୍ୱପ୍ନରେ, ରାତ୍ରିକାଳୀନ ଦର୍ଶନରେ; ମନୁଷ୍ୟମାନେ ଘୋର ନିଦ୍ରାରେ ମଗ୍ନ ହେବା ବେଳେ, ଶଯ୍ୟାରେ ଘୁମାଇବା ବେଳେ,
\s5
\v 16 ସେ ମନୁଷ୍ୟମାନଙ୍କର କର୍ଣ୍ଣ ମୁକ୍ତ କରନ୍ତି ଓ ସେମାନଙ୍କର ଶିକ୍ଷା ମୋହରାଙ୍କିତ କରନ୍ତି,
\v 17 ତଦ୍ଦ୍ୱାରା ସେ ମନୁଷ୍ୟକୁ ତାହାର ସଙ୍କଳ୍ପରୁ ନିବୃତ୍ତ କରନ୍ତି ଓ ମନୁଷ୍ୟଠାରୁ ଅହଙ୍କାର ଗୁପ୍ତ କରନ୍ତି ।
\v 18 ସେ ତାହାର ପ୍ରାଣକୁ ଗର୍ତ୍ତରୁ ଓ ତାହାର ଜୀବନକୁ ଖଡ଼୍‍ଗାଘାତରୁ ଅଟକାଇ ରଖନ୍ତି ।
\s5
\v 19 ମଧ୍ୟ ସେ ଆପଣା ଶଯ୍ୟାରେ ବ୍ୟଥା ଦ୍ୱାରା ଓ ଆପଣା ଅସ୍ଥି ମଧ୍ୟରେ ନିରନ୍ତର ଯୁଦ୍ଧ ଦ୍ୱାରା ଶାସ୍ତି ପାଏ;
\v 20 ତେଣୁ ତାହାର ଜୀବନ ଆହାରକୁ ଓ ତାହାର ପ୍ରାଣ ସୁସ୍ୱାଦୁ ଭକ୍ଷ୍ୟକୁ ଘୃଣା କରେ ।
\s5
\v 21 ତାହାର ମାଂସ କ୍ଷୟ ପାଇ ଅଦୃଶ୍ୟ ହୁଏ ଓ ତାହାର ଅଦୃଶ୍ୟ ଥିବା ଅସ୍ଥିସବୁ ଦେଖାଯାଏ ।
\v 22 ଆହୁରି, ତାହାର ପ୍ରାଣ ଗର୍ତ୍ତର ଓ ତାହାର ଜୀବନ ସଂହାରକର ସନ୍ନିକଟ ହୁଏ ।
\s5
\v 23 ଯେବେ ମନୁଷ୍ୟକୁ ତାହାର କର୍ତ୍ତବ୍ୟତା ଦେଖାଇବା ପାଇଁ ତାହା ସଙ୍ଗେ ଜଣେ ଦୂତ, ସହସ୍ର ମଧ୍ୟରୁ ଜଣେ ଅର୍ଥକାରକ ଥାଏ;
\v 24 ତେବେ ସେ ତାହାକୁ କୃପା କରି କହିବେ, ଗର୍ତ୍ତ ଗମନରୁ ତାହାକୁ ଉଦ୍ଧାର କର, ମୁଁ ପ୍ରାୟଶ୍ଚିତ୍ତ ପାଇଅଛି ।
\s5
\v 25 ତାହାର ମାଂସ ବାଳକର ମାଂସ ଅପେକ୍ଷା ସତେଜ ହେବ; ସେ ଆପଣା ଯୌବନ ଦିନ ପୁନର୍ବାର ପାଇବ;
\v 26 ସେ ପରମେଶ୍ୱରଙ୍କ ନିକଟରେ ପ୍ରାର୍ଥନା କରେ ଓ ସେ ତାହା ପ୍ରତି ପ୍ରସନ୍ନ ହୁଅନ୍ତି; ତେଣୁ ସେ ଆନନ୍ଦରେ ତାହାଙ୍କ ମୁଖ ଦର୍ଶନ କରେ; ଆଉ, ସେ ମନୁଷ୍ୟକୁ ତାହାର ଧାର୍ମିକତା ପୁନର୍ବାର ଦିଅନ୍ତି ।
\s5
\v 27 ସେ ମନୁଷ୍ୟମାନଙ୍କ ସାକ୍ଷାତରେ ଗାନ କରି କହେ, ମୁଁ ପାପ କରିଅଛି ଓ ନ୍ୟାୟର ବିପରୀତ କରିଅଛି ଓ ତାହା ମୋହର ଲାଭଜନକ ହୋଇ ନାହିଁ ।
\v 28 ସେ ମୋହର ପ୍ରାଣକୁ ଗର୍ତ୍ତଗମନରୁ ମୁକ୍ତ କରିଅଛନ୍ତି ଓ ମୋହର ଜୀବନ ଆଲୁଅ ଦେଖିବ ।
\s5
\v 29 ଦେଖ, ମନୁଷ୍ୟ ଯେପରି ଜୀବିତ ଲୋକଙ୍କ ଦୀପ୍ତିରେ ଦୀପ୍ତିମାନ ହେବ, ଏଥିପାଇଁ ଗର୍ତ୍ତରୁ ତାହାର ପ୍ରାଣ ଫେରାଇ ଆଣିବାକୁ,
\v 30 ପରମେଶ୍ୱର ତାହା ସହିତ ଦୁଇ ଥର, ମଧ୍ୟ ତିନି ଥର ଏହିସବୁ ବ୍ୟବହାର କରନ୍ତି ।
\s5
\v 31 ହେ ଆୟୁବ, ମନୋଯୋଗ କରି ମୋ' କଥା ଶୁଣ; ତୁମ୍ଭେ ନୀରବ ହୁଅ, ମୁଁ କଥା କହିବି ।
\v 32 ତୁମ୍ଭର କହିବାର କୌଣସି ବିଷୟ ଥିଲେ, ମୋତେ ଉତ୍ତର ଦିଅ; କୁହ, କାରଣ ତୁମ୍ଭକୁ ନିର୍ଦ୍ଦୋଷ କରିବାକୁ ମୋର ଇଚ୍ଛା ।
\v 33 ନୋହିଲେ ମୋ' କଥା ଶୁଣ; ନୀରବ ହୁଅ, ଆଉ ମୁଁ ତୁମ୍ଭକୁ ଜ୍ଞାନ ଶିଖାଇବି ।
\s5
\c 34
\s ଇଲୀହୂଙ୍କ ପରମେଶ୍ୱରଙ୍କ ନ୍ୟାୟର ଘୋଷଣା
\p
\v 1 ଆହୁରି ଇଲୀହୂ ଉତ୍ତର କରି କହିଲା,
\v 2 "ହେ ଜ୍ଞାନୀମାନେ, ମୋ' କଥା ଶୁଣ, ହେ ବିଜ୍ଞମାନେ, ମୋ' କଥାରେ କର୍ଣ୍ଣ ଦିଅ ।
\v 3 କାରଣ ସ୍ୱାଦ ଯେପରି ଭକ୍ଷ୍ୟର ସ୍ୱାଦ ବୁଝେ, କର୍ଣ୍ଣ ସେପରି ବାକ୍ୟର ପରୀକ୍ଷା କରେ ।
\s5
\v 4 ଯାହା ଯଥାର୍ଥ, ତାହା ଆମ୍ଭେମାନେ ଆପଣାମାନଙ୍କ ପାଇଁ ମନୋନୀତ କରୁ; ଯାହା ଭଲ, ତାହା ଆମ୍ଭେମାନେ ଆପଣାମାନଙ୍କ ମଧ୍ୟରେ ନିଶ୍ଚୟ କରୁ ।
\v 5 କାରଣ ଆୟୁବ କହିଅଛି, ମୁଁ ଧାର୍ମିକ, ପୁଣି ପରମେଶ୍ୱର ମୋହର ନ୍ୟାୟ ହରଣ କରିଅଛନ୍ତି;
\v 6 ମୁଁ ନ୍ୟାୟବାନ ହେଲେ ହେଁ ମିଥ୍ୟାବାଦୀ ଗଣିତ ହୋଇଅଛି; ମୁଁ ଅପରାଧରହିତ ହେଲେ ହେଁ ମୋହର କ୍ଷତି ପ୍ରତିକାରହୀନ ।
\s5
\v 7 ଆୟୁବ ପରି କେଉଁ ଲୋକ ଅଛି ? ସେ ଜଳ ପରି ନିନ୍ଦା ପାନ କରେ ।
\v 8 ସେ ଅଧର୍ମାଚାରୀମାନଙ୍କ ସଙ୍ଗେ ଯାଏ ଓ ଦୁଷ୍ଟଲୋକମାନଙ୍କ ସଙ୍ଗେ ଗମନାଗମନ କରେ ।
\v 9 କାରଣ ସେ କହିଅଛି, ପରମେଶ୍ୱରଙ୍କଠାରେ ଆନନ୍ଦ କଲେ, ମନୁଷ୍ୟର କିଛି ଲାଭ ନାହିଁ ।
\s5
\v 10 ହେ ବୁଦ୍ଧିମାନ ଲୋକେ, ମୋ' କଥା ଶୁଣ; ପରମେଶ୍ୱର ଯେ ଦୁଷ୍କର୍ମ କରିବେ, ଏହା ତାହାଙ୍କଠାରୁ ଦୂରେ ଥାଉ ଓ ସର୍ବଶକ୍ତିମାନ ଯେ ଅଧର୍ମ କରିବେ, ଏହା ତାହାଙ୍କଠାରୁ ଦୂରେ ଥାଉ ।
\v 11 ମନୁଷ୍ୟର କର୍ମାନୁସାରେ ସେ ତାହାକୁ ଫଳ ଦେବେ ଓ ପ୍ରତ୍ୟେକ ଲୋକକୁ ତାହାର ଆଚରଣ ପ୍ରମାଣେ ଫଳଭୋଗ କରାଇବେ ।
\v 12 ନିଶ୍ଚୟ ପରମେଶ୍ୱର ଦୁଷ୍ଟାଚରଣ କରିବେ ନାହିଁ, ସର୍ବଶକ୍ତିମାନ ବିଚାର ବିପରୀତ କରିବେ ନାହିଁ ।
\s5
\v 13 କିଏ ତାହାଙ୍କୁ ପୃଥିବୀର କର୍ତ୍ତୃତ୍ୱଭାର ଦେଲା ? ଅବା କିଏ ସମୁଦାୟ ଜଗତର ନିରୂପଣ କରିଅଛି ?
\v 14 ଯେବେ ସେ ମନୁଷ୍ୟ ଉପରେ ଆପଣା ମନ ଦେବେ, ଯେବେ ସେ ତାହାର ଆତ୍ମା ଓ ନିଶ୍ୱାସ ଆପଣା ନିକଟରେ ସଂଗ୍ରହ କରିବେ;
\v 15 ତେବେ ସକଳ ପ୍ରାଣୀ ଏକତ୍ର ବିନଷ୍ଟ ହେବେ ଓ ମନୁଷ୍ୟ ପୁନର୍ବାର ଧୂଳିରେ ମିଶିଯିବ ।
\s5
\v 16 ତୁମ୍ଭର ବିବେଚନା ଥିଲେ, ଏହା ଶୁଣ; ମୋ' ବାକ୍ୟର ରବରେ ମନୋଯୋଗ କର ।
\v 17 ଯେ ନ୍ୟାୟ ଘୃଣା କରେ, ସେ କି ଶାସନ କରିବ ? ଓ ଯେ ଧାର୍ମିକ ଓ ପରାକ୍ରମୀ, ତାହାଙ୍କୁ କି ତୁମ୍ଭେ ଦୋଷୀ କରିବ ?
\s5
\v 18 ରାଜାକୁ, ତୁମ୍ଭେ ଅଧମ; ଅବା ଅଧିପତିମାନଙ୍କୁ, ତୁମ୍ଭେମାନେ ଦୁଷ୍ଟ ବୋଲି କହିବାର କି ଉପଯୁକ୍ତ ?
\v 19 ତେବେ ଯେ ଅଧିପତିମାନଙ୍କର ମୁଖାପେକ୍ଷା କରନ୍ତି ନାହିଁ, ଅବା ସମସ୍ତେ ତାହାଙ୍କର ହସ୍ତକୃତ କର୍ମ ହେବାରୁ ଦରିଦ୍ର ଅପେକ୍ଷା ଧନୀକି ବିଶେଷ ଜ୍ଞାନ କରନ୍ତି ନାହିଁ, ତାହାଙ୍କୁ ଏପରି କହିବା କେତେ ଅଧିକ ଅନୁପଯୁକ୍ତ ?
\v 20 ସେମାନେ ମୁହୂର୍ତ୍ତକେ, ଅର୍ଦ୍ଧରାତ୍ରରେ ହିଁ ମରନ୍ତି; ଲୋକମାନେ କମ୍ପିତ ହୋଇ ପ୍ରାଣତ୍ୟାଗ କରନ୍ତି ଓ ବିକ୍ରମୀମାନେ ବିନା ହସ୍ତକ୍ଷେପରେ ଦୂରୀକୃତ ହୁଅନ୍ତି ।
\s5
\v 21 କାରଣ ମନୁଷ୍ୟର ମାର୍ଗ ପ୍ରତି ତାହାଙ୍କର ଦୃଷ୍ଟି ଅଛି ଓ ସେ ତାହାର ସବୁ ଗତି ଦେଖନ୍ତି ।
\v 22 ଯେଉଁଠାରେ ଅଧର୍ମାଚାରୀଗଣ ଲୁଚି ପାରନ୍ତି, ଏପରି ଅନ୍ଧକାର ଓ ମୃତ୍ୟଚ୍ଛାୟା ନାହିଁ ।
\v 23 କାରଣ ମନୁଷ୍ୟର ପରମେଶ୍ୱରଙ୍କ ସାକ୍ଷାତରେ ବିଚାରାର୍ଥେ ଯିବାକୁ ହେବ ବୋଲି ତାହା ବିଷୟ ଦୀର୍ଘ ବିବେଚନା କରିବାର ତାହାଙ୍କର ଆବଶ୍ୟକ ନାହିଁ ।
\s5
\v 24 ସେ ଅନୁଦ୍ଦେଶ୍ୟ ଉପାୟରେ ପରାକ୍ରାନ୍ତ ଲୋକମାନଙ୍କୁ ଖଣ୍ଡ ଖଣ୍ଡ କରନ୍ତି ଓ ସେମାନଙ୍କ ସ୍ଥାନରେ ଅନ୍ୟମାନଙ୍କୁ ସ୍ଥାପନ କରନ୍ତି ।
\v 25 ଏହେତୁ ସେ ସେମାନଙ୍କ କର୍ମର ତତ୍ତ୍ୱ ନିଅନ୍ତି; ପୁଣି, ସେ ରାତ୍ରିରେ ସେମାନଙ୍କୁ ଓଲଟାଇ ପକାନ୍ତି, ତହିଁରେ ସେମାନେ ବିନଷ୍ଟ ହୁଅନ୍ତି ।
\s5
\v 26 ସେ ଅନ୍ୟମାନଙ୍କ ଦୃଷ୍ଟିଗୋଚରରେ ଦୁଷ୍ଟଲୋକଙ୍କୁ ପ୍ରହାର କଲା ପରି ସେମାନଙ୍କୁ ପ୍ରହାର କରନ୍ତି;
\v 27 କାରଣ ସେମାନେ ତାହାଙ୍କ ଅନୁଗମନରୁ ବିମୁଖ ହେଲେ ଓ ତାହାଙ୍କର କୌଣସି ମାର୍ଗ ଆଦର କରିବାକୁ ଅନିଚ୍ଛୁକ ହେଲେ;
\v 28 ଏହିରୂପେ ସେମାନେ ତାହାଙ୍କ ଛାମୁରେ ଦରିଦ୍ରର କ୍ରନ୍ଦନ ଉପସ୍ଥିତ କରାଇଲେ, ତହୁଁ ସେ ଦୁଃଖୀର କ୍ରନ୍ଦନ ଶୁଣିଲେ ।
\s5
\v 29 ସେ ଶାନ୍ତି ଦେଲେ, କିଏ ଦୋଷ ଦେଇପାରେ ? ଓ ସେ ଆପଣା ମୁଖ ଆଚ୍ଛାଦନ କଲେ, କିଏ ତାହାଙ୍କୁ ଦେଖିପାରେ ? ଏହା କୌଣସି ଗୋଷ୍ଠୀ ଅବା କୌଣସି ବ୍ୟକ୍ତି ପ୍ରତି କରାଗଲେ, ଏକ ସମାନ ଥାଏ;
\v 30 ଏଣୁ ଅଧାର୍ମିକ ଲୋକ ରାଜତ୍ୱ କରେ ନାହିଁ, ଲୋକମାନଙ୍କୁ ଫାନ୍ଦରେ ପକାଇବାକୁ କେହି ନ ଥାଏ ।
\s5
\v 31 କାରଣ କେହି କି ପରମେଶ୍ୱରଙ୍କୁ କହିଅଛି, ମୁଁ ଶାସ୍ତି ଭୋଗ କରୁଅଛି, ଆଉ ଦୋଷ କରିବି ନାହିଁ;
\v 32 ଯାହା ମୁଁ ଜାଣୁ ନାହିଁ, ତାହା ତୁମ୍ଭେ ମୋତେ ଶିଖାଅ; ଯେବେ ମୁଁ ଅପରାଧ କରିଅଛି, ତେବେ ଆଉ ତାହା କରିବି ନାହିଁ ?
\v 33 ତାହାଙ୍କ ଦତ୍ତ ପ୍ରତିଫଳ କି ତୁମ୍ଭ ଇଚ୍ଛାମତ ହେବ ଯେ, ତୁମ୍ଭେ ତାହା ଅଗ୍ରାହ୍ୟ କରୁଅଛ ? କାରଣ ମନୋନୀତ କରିବାର ତୁମ୍ଭର କର୍ମ, ମୋହର ନୁହେଁ; ଏଥିପାଇଁ ଯାହା ତୁମ୍ଭେ ଜାଣ, ତାହା କୁହ ।
\s5
\v 34 ବୁଦ୍ଧିମାନ ଲୋକେ ଏବଂ ମୋ' କଥା ଶ୍ରବଣକାରୀ ପ୍ରତ୍ୟେକ ଜ୍ଞାନୀ ଲୋକ ମୋତେ କହିବେ;
\v 35 ଆୟୁବ ନ ଜାଣି କଥା କହେ ଓ ତାହାର କଥାସବୁ ଜ୍ଞାନବର୍ଜ୍ଜିତ ।
\s5
\v 36 ଆୟୁବ ଶେଷ ପର୍ଯ୍ୟନ୍ତ ପରୀକ୍ଷିତ ହେଉ, କାରଣ ସେ ଦୁଷ୍ଟ ଲୋକମାନଙ୍କ ପରି ଉତ୍ତର ଦେଇଅଛି ।
\v 37 ଯେଣୁ ସେ ଆପଣା ପାପରେ ବିଦ୍ରୋହଭାବ ଯୋଗ କରୁଅଛି, ସେ ଆମ୍ଭମାନଙ୍କ ମଧ୍ୟରେ ହାତତାଳି ଦେଉଅଛି ଓ ପରମେଶ୍ୱରଙ୍କ ପ୍ରତିକୂଳରେ ଅନେକ କଥା କହୁଅଛି ।"
\s5
\c 35
\s ଆୟୁବଙ୍କୁ ଇଲୀହୂଙ୍କ ଦୋଷାରୋପ
\p
\v 1 ଆହୁରି, ଇଲୀହୂ ଉତ୍ତର କରି କହିଲା,
\v 2 "ତୁମ୍ଭେ କି ଏହାକୁ ଆପଣାର ନ୍ୟାୟ ବୋଲି ଜ୍ଞାନ କରୁଅଛ ? ଅବା କହୁଅଛ ? ପରମେଶ୍ୱରଙ୍କ ଧାର୍ମିକତା ଅପେକ୍ଷା ମୋହର ଧାର୍ମିକତା ଅଧିକ ?
\v 3 ଏଥିପାଇଁ କି ତୁମ୍ଭେ କହୁଅଛ, ଏଥିରୁ ମୋହର କେଉଁ ଫଳ ହେବ ? ଓ ପାପ କଲେ ଯେଉଁ ଲାଭ ହୁଅନ୍ତା, ତହିଁରୁ କେଉଁ ଅଧିକ ଲାଭ ମୋହର ହେବ ?
\s5
\v 4 ମୁଁ ତୁମ୍ଭକୁ ଓ ତୁମ୍ଭ ସଙ୍ଗେ ତୁମ୍ଭ ସଙ୍ଗୀମାନଙ୍କୁ ଉତ୍ତର ଦେବି ।
\v 5 ଗଗନମଣ୍ଡଳ ପ୍ରତି ଦୃଷ୍ଟି କରି ଅନାଅ ଓ ତୁମ୍ଭ ଅପେକ୍ଷା ଉଚ୍ଚ ଆକାଶମଣ୍ଡଳକୁ ଦେଖ ।
\s5
\v 6 ତୁମ୍ଭେ ପାପ କଲେ, ପରମେଶ୍ୱରଙ୍କ ବିରୁଦ୍ଧରେ କଅଣ କର ? ଓ ତୁମ୍ଭର ଅପରାଧ ବୃଦ୍ଧି ପାଇଲେ, ତାହାଙ୍କ ପ୍ରତି ତୁମ୍ଭେ କଅଣ କର ?
\v 7 ତୁମ୍ଭେ ଧାର୍ମିକ ହେଲେ, ତାହାଙ୍କୁ କଅଣ ଦିଅ ? ଅବା ସେ ତୁମ୍ଭ ହସ୍ତରୁ କଅଣ ପାଆନ୍ତି ?
\v 8 ତୁମ୍ଭର ଦୁଷ୍ଟତା ତୁମ୍ଭ ତୁଲ୍ୟ ମନୁଷ୍ୟର କ୍ଷତି କରିପାରେ ଓ ତୁମ୍ଭର ଧାର୍ମିକତା ମନୁଷ୍ୟସନ୍ତାନର ଲାଭ କରିପାରେ ।
\s5
\v 9 ଉପଦ୍ରବର ବାହୁଲ୍ୟ ସକାଶୁ ଲୋକେ କ୍ରନ୍ଦନ କରନ୍ତି; ବଳବାନର ବାହୁ ସକାଶୁ ସେମାନେ ସାହାଯ୍ୟ ପାଇଁ ଡାକ ପକାନ୍ତି ।
\v 10 ମାତ୍ର ଯେ ରାତ୍ରିକାଳେ ଗାନ ପ୍ରଦାନ କରନ୍ତି, ଯେ ପୃଥିବୀର ପଶୁମାନଙ୍କ ଅପେକ୍ଷା ଆମ୍ଭମାନଙ୍କୁ ଅଧିକ ଶିକ୍ଷା ଦିଅନ୍ତି
\v 11 ଓ ଆକାଶର ପକ୍ଷୀଗଣ ଅପେକ୍ଷା ଆମ୍ଭମାନଙ୍କୁ ଅଧିକ ଜ୍ଞାନବାନ କରନ୍ତି, ଏପରି ମୋହର ସୃଷ୍ଟିକର୍ତ୍ତା ପରମେଶ୍ୱର କାହାନ୍ତି ? ଏହା କେହି ନ କହେ ।
\s5
\v 12 ଦୁଷ୍ଟ ଲୋକଙ୍କ ଅହଙ୍କାର ସକାଶୁ ସେମାନେ କ୍ରନ୍ଦନ କରନ୍ତି, ମାତ୍ର କେହି ଉତ୍ତର ଦିଏ ନାହିଁ ।
\v 13 ନିଶ୍ଚୟ ପରମେଶ୍ୱର ଅସାର କଥା ଶୁଣିବେ ନାହିଁ, କିଅବା ସର୍ବଶକ୍ତିମାନ ତାହା ଆଦର କରିବେ ନାହିଁ ।
\v 14 ତୁମ୍ଭେ ତ କହୁଅଛ, ମୁଁ ପରମେଶ୍ୱରଙ୍କୁ ଦେଖୁ ନାହିଁ, ବିଚାର ତାହାଙ୍କ ସମ୍ମୁଖରେ ଅଛି ଓ ମୁଁ ତାହାଙ୍କୁ ଅପେକ୍ଷା କରୁଅଛି; ତେବେ ମୁଁ ଏହି କଥାକୁ କେତେ ଅନାଦର କରିବି ।
\s5
\v 15 ମାତ୍ର ଏବେ, ସେ ନିଜ କ୍ରୋଧରେ ଶାସ୍ତି ଦେଇ ନାହାନ୍ତି, କିଅବା ଅହଙ୍କାର ପ୍ରତି ବଡ଼ ମନୋଯୋଗ କରନ୍ତି ନାହିଁ;
\v 16 ଏଥିପାଇଁ ଆୟୁବ ଅସାର କଥାରେ ଆପଣା ମୁଖ ଫିଟାଏ; ସେ ଅନେକ ଜ୍ଞାନବର୍ଜ୍ଜିତ କଥା କହେ ।
\s5
\c 36
\s ଇଲୀହୂଙ୍କ ଈଶ୍ୱରଙ୍କ ମହାନତାର ପ୍ରଶଂସା
\p
\v 1 ଇଲୀହୂ ଆହୁରି କହିଲା,
\v 2 "ଟିକିଏ ସମ୍ଭାଳ, ମୁଁ ତୁମ୍ଭକୁ ଜଣାଇବି; କାରଣ ପରମେଶ୍ୱରଙ୍କ ପକ୍ଷରେ ମୋହର ଆହୁରି କିଛି କହିବାର ଅଛି ।
\v 3 ମୁଁ ଦୂରରୁ ଆପଣା ଜ୍ଞାନ ଆଣିବି ଓ ଆପଣା ସୃଷ୍ଟିକର୍ତ୍ତାଙ୍କର ଧାର୍ମିକତା ପ୍ରତିପନ୍ନ କରିବି;
\s5
\v 4 କାରଣ ପ୍ରକୃତରେ ମୋହର କଥା ମିଥ୍ୟା ନୁହେଁ । ଜ୍ଞାନରେ ସିଦ୍ଧ ଜଣେ ତୁମ୍ଭ ସଙ୍ଗେ ଅଛି ।
\v 5 ଦେଖ, ପରମେଶ୍ୱର ପରାକ୍ରମୀ ଓ କାହାକୁ ତୁଚ୍ଛ କରନ୍ତି ନାହିଁ; ସେ ବୁଦ୍ଧିବଳରେ ପରାକ୍ରମୀ ଅଟନ୍ତି ।
\s5
\v 6 ସେ ଦୁଷ୍ଟର ପ୍ରାଣ ରକ୍ଷା କରନ୍ତି ନାହିଁ; ମାତ୍ର ଦୁଃଖଗ୍ରସ୍ତମାନଙ୍କୁ ନ୍ୟାୟ ପ୍ରଦାନ କରନ୍ତି ।
\v 7 ସେ ଧାର୍ମିକମାନଙ୍କଠାରୁ ଆପଣା ଦୃଷ୍ଟି ଫେରାନ୍ତି ନାହିଁ; ମାତ୍ର ସେ ସିଂହାସନୋପବିଷ୍ଟ ରାଜଗଣ ସଙ୍ଗରେ ସଦାକାଳ ସେମାନଙ୍କୁ ସ୍ଥାପନ କରନ୍ତି ଓ ସେମାନେ ଉନ୍ନତ ହୁଅନ୍ତି ।
\s5
\v 8 ପୁଣି, ଯେବେ ସେମାନେ ଜଞ୍ଜିରରେ ବନ୍ଧାଯା'ନ୍ତି ଓ ଦୁଃଖରୂପ ରଜ୍ଜୁରେ ଧରାଯା'ନ୍ତି
\v 9 ତେବେ ସେ ସେମାନଙ୍କର କ୍ରିୟା, ସେମାନଙ୍କର ଅପରାଧ ଓ ସେମାନଙ୍କର ଗର୍ବାଚରଣ ସେମାନଙ୍କୁ ଦେଖାନ୍ତି ।
\s5
\v 10 ମଧ୍ୟ ଶିକ୍ଷା ପ୍ରତି ସେ ସେମାନଙ୍କ କର୍ଣ୍ଣ ମୁକ୍ତ କରନ୍ତି ଓ ଅଧର୍ମରୁ ଫେରିବା ପାଇଁ ସେମାନଙ୍କୁ ଆଜ୍ଞା ଦିଅନ୍ତି ।
\v 11 ଯେବେ ସେମାନେ ଶୁଣି ତାହାଙ୍କର ସେବା କରିବେ, ତେବେ ସେମାନେ ସମୃଦ୍ଧିରେ ଆପଣା ଆପଣା ଦିନ ଓ ସୁଖରେ ଆପଣା ଆପଣା ବର୍ଷ କ୍ଷେପଣ କରିବେ ।
\v 12 ମାତ୍ର ସେମାନେ ନ ଶୁଣିଲେ, ଖଡ଼୍‍ଗରେ ବିନଷ୍ଟ ହେବେ ଓ ଜ୍ଞାନବର୍ଜ୍ଜିତ ହୋଇ ମରିବେ ।
\s5
\v 13 ମାତ୍ର ଅନ୍ତଃକରଣରେ ଅଧାର୍ମିକ ଲୋକମାନେ କ୍ରୋଧ ସଞ୍ଚୟ କରନ୍ତି; ସେ ସେମାନଙ୍କୁ ବାନ୍ଧିଲେ, ସେମାନେ ସାହାଯ୍ୟ ପାଇଁ ଡାକ ପକାନ୍ତି ନାହିଁ ।
\v 14 ସେମାନେ ଯୌବନକାଳରେ ମରନ୍ତି ଓ ଅଶୁଚି ଲୋକମାନଙ୍କ ମଧ୍ୟରେ ସେମାନଙ୍କ ଜୀବନ ବିନଷ୍ଟ ହୁଏ ।
\s5
\v 15 ସେ ଦୁଃଖୀଲୋକକୁ ତାହାର ଦୁଃଖ ଦ୍ୱାରା ଉଦ୍ଧାର କରନ୍ତି ଓ ଉପଦ୍ରବ ଦ୍ୱାରା ସେମାନଙ୍କର କର୍ଣ୍ଣ ମୁକ୍ତ କରନ୍ତି ।
\v 16 ସେ ତୁମ୍ଭକୁ ହିଁ ଦୁଃଖରୁ ବାହାର କରି ସଙ୍କୀର୍ଣ୍ଣତାରହିତ ପ୍ରଶସ୍ତ ସ୍ଥାନକୁ ନେଇଯାଆନ୍ତେ; ଓ ତୁମ୍ଭ ମେଜ ଉପରେ ସଜ୍ଜିତ ଦ୍ରବ୍ୟ ମେଦପୂର୍ଣ୍ଣ ହୁଅନ୍ତା ।
\s5
\v 17 ମାତ୍ର ତୁମ୍ଭେ ଦୁଷ୍ଟର ବିଚାରରେ ପୂର୍ଣ୍ଣ ଅଛ; ବିଚାର ଓ ଶାସ୍ତି ତୁମ୍ଭକୁ ଧରିଅଛି ।
\v 18 କୋପ ଅଛି, ଯେପରି ତୁମ୍ଭେ ଆପଣା ପ୍ରଚୁରତା ଦ୍ୱାରା ଭ୍ରାନ୍ତ ନ ହୁଅ; କିଅବା ପ୍ରାୟଶ୍ଚିତ୍ତର ମହତ୍ତ୍ୱ ତୁମ୍ଭକୁ ନ ଭୁଲାଏ, ଏଥିପାଇଁ ସାବଧାନ ।
\s5
\v 19 ତୁମ୍ଭେ ଯେପରି ଦୁଃଖଗ୍ରସ୍ତ ନୋହିବ, ଏଥିପାଇଁ ତୁମ୍ଭର ଧନ ଓ ବଳର ସମସ୍ତ ପ୍ରତାପ କି ପ୍ରଚୁର ହେବ ?
\v 20 ଯେଉଁ ରାତ୍ରିରେ ଗୋଷ୍ଠୀୟମାନେ ସ୍ୱ ସ୍ୱ ସ୍ଥାନରେ ଉଚ୍ଛିନ୍ନ ହୁଅନ୍ତି, ସେହି ରାତ୍ରି ବାଞ୍ଛା କର ନାହିଁ ।
\v 21 ସାବଧାନ, ଅଧର୍ମକୁ ଆଦର କର ନାହିଁ; କାରଣ ତୁମ୍ଭେ ଦୁଃଖଭୋଗ ଅପେକ୍ଷା ଏହା ହିଁ ମନୋନୀତ କରିଅଛ ।
\s5
\v 22 ଦେଖ, ପରମେଶ୍ୱର ଆପଣା ପରାକ୍ରମରେ ଉଚ୍ଚ ଭାବରେ କାର୍ଯ୍ୟ କରନ୍ତି; ତାହାଙ୍କ ପରି ଶିକ୍ଷକ କିଏ ଅଛି ?
\v 23 କିଏ ତାହାଙ୍କର ଗନ୍ତବ୍ୟ ପଥ ନିରୂପଣ କରିଅଛି ? ଅବା କିଏ କହିପାରେ, ତୁମ୍ଭେ ଅଧର୍ମ କରିଅଛ ?
\v 24 ତାହାଙ୍କ କାର୍ଯ୍ୟର ମାହାତ୍ମ୍ୟ ପ୍ରକାଶ କରିବାକୁ ସ୍ମରଣ କର, ଲୋକମାନେ ତହିଁର କୀର୍ତ୍ତନ କରିଅଛନ୍ତି ।
\s5
\v 25 ସମସ୍ତ ଲୋକ ତହିଁ ପ୍ରତି ନିରୀକ୍ଷଣ କରିଅଛନ୍ତି, ମନୁଷ୍ୟ ଦୂରରୁ ତାହା ଦେଖେ ।
\v 26 ଦେଖ, ପରମେଶ୍ୱର ମହାନ ଓ ଆମ୍ଭେମାନେ ତାହାଙ୍କୁ ଜାଣୁ ନାହୁଁ; ତାହାଙ୍କ ବର୍ଷର ସଂଖ୍ୟା ଅନନୁସନ୍ଧେୟ ।
\s5
\v 27 କାରଣ ସେ ଜଳବିନ୍ଦୁସବୁ ଆକର୍ଷଣ କରନ୍ତି, ତାହା ବୃଷ୍ଟି ରୂପେ ତାହାଙ୍କ ବାଷ୍ପରୁ ପଡ଼େ ।
\v 28 ଆକାଶ ତାହା ଢାଳି ଦିଏ ଓ ମନୁଷ୍ୟ ଉପରେ ତାହା ବହୁଳ ରୂପେ ବର୍ଷେ ।
\v 29 ମେଘମାଳର ପ୍ରସାରଣ ଓ ତାହାଙ୍କ ଚନ୍ଦ୍ରାତପର ଗର୍ଜ୍ଜନ କି କେହି ବୁଝିପାରେ ?
\s5
\v 30 ଦେଖ, ସେ ଆପଣା ଚତୁର୍ଦ୍ଦିଗରେ ନିଜ ଦୀପ୍ତି ବିସ୍ତାର କରନ୍ତି; ପୁଣି, ସେ ସମୁଦ୍ରର ତଳଭାଗ ଆବୃତ କରନ୍ତି ।
\v 31 କାରଣ ସେ ଏସବୁ ଦ୍ୱାରା ଗୋଷ୍ଠୀବର୍ଗର ଶାସନ କରନ୍ତି; ସେ ବହୁଳ ପରିମାଣରେ ଆହାର ଦିଅନ୍ତି ।
\s5
\v 32 ସେ ବିଜୁଳିରେ ଆପଣା ହସ୍ତ ଆଚ୍ଛାଦନ କରନ୍ତି ଓ ଲକ୍ଷ୍ୟ ସ୍ଥଳ ଆଘାତ କରିବାକୁ ଆଜ୍ଞା ଦିଅନ୍ତି ।
\v 33 ତହିଁର ଶବ୍ଦ ତାହାଙ୍କ ବିଷୟରେ ପରିଚୟ ଦିଏ, ପଶୁପଲ ମଧ୍ୟ ଆଗାମୀ ତୋଫାନ ବିଷୟ ଜଣାନ୍ତି ।
\s5
\c 37
\s ଇଲୀହୂଙ୍କ ଈଶ୍ୱରଙ୍କ ମହିମାର ଘୋଷଣା
\p
\v 1 ଏଥିରେ ମଧ୍ୟ ମୋହର ହୃଦୟ କମ୍ପମାନ ହେଉଅଛି ଓ ସ୍ୱସ୍ଥାନରୁ ଅନ୍ତରିତ ହେଉଅଛି ।
\v 2 ତୁମ୍ଭେମାନେ ତାହାଙ୍କ ରବର ଶବ୍ଦ ଓ ତାହାଙ୍କ ମୁଖନିର୍ଗତ ସ୍ୱର ଶୁଣ ।
\v 3 ସେ ତାହା ସମୁଦାୟ ଆକାଶର ଅଧଃସ୍ଥାନକୁ ଓ ଆପଣା ବିଜୁଳିକୁ ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ ପ୍ରେରଣ କରନ୍ତି ।
\s5
\v 4 ତହିଁ ପଛେ ଏକ ରବ ଗର୍ଜ୍ଜନ କରଇ, ସେ ଆପଣା ମହତ୍ତ୍ୱର ରବରେ ବଜ୍ରନାଦ କରନ୍ତି ଓ ତାହାଙ୍କ ରବ ଶୁଣାଗଲା ବେଳେ ସେ ତାହାସବୁ ନିବୃତ୍ତ କରନ୍ତି ନାହିଁ ।
\v 5 ପରମେଶ୍ୱର ଆପଣା ରବରେ ଆଶ୍ଚର୍ଯ୍ୟ ରୂପେ ଗର୍ଜ୍ଜନ କରନ୍ତି; ସେ ଆମ୍ଭମାନଙ୍କ ବୋଧର ଅଗମ୍ୟ ମହତ କାର୍ଯ୍ୟ କରନ୍ତି ।
\v 6 କାରଣ ସେ ହିମକୁ କହନ୍ତି, ତୁମ୍ଭେ ପୃଥିବୀରେ ପଡ଼; ସେ ସାମାନ୍ୟ ବୃଷ୍ଟିକି ଓ ଆପଣାର ପ୍ରବଳ ବୃଷ୍ଟିକି ସେହିପରି କହନ୍ତି ।
\s5
\v 7 ଯେପରି ତାହାଙ୍କର ସୃଷ୍ଟ ସମସ୍ତ ମନୁଷ୍ୟ ତାହା ଜାଣି ପାରିବେ, ଏଥିପାଇଁ ସେ ପ୍ରତ୍ୟେକ ମନୁଷ୍ୟର ହସ୍ତ ମୋହରାଙ୍କିତ କରନ୍ତି ।
\v 8 ସେତେବେଳେ ପଶୁମାନେ ଆଶ୍ରୟ ସ୍ଥାନକୁ ଯା'ନ୍ତି ଓ ଆପଣା ଆପଣା ଗହ୍ୱରରେ ରହନ୍ତି ।
\v 9 ଦକ୍ଷିଣସ୍ଥ ମଣ୍ଡଳରୁ ବତାସ ଆସେ ଓ ଉତ୍ତରରୁ ଶୀତ ଆସେ ।
\s5
\v 10 ପରମେଶ୍ୱରଙ୍କ ନିଶ୍ୱାସରେ ହିମାନୀ ଜନ୍ମେ ଓ ଜଳରାଶିର ବିସ୍ତୃତି ସଙ୍କୀର୍ଣ୍ଣ ହୁଏ ।
\v 11 ଆହୁରି, ସେ ନିବିଡ଼ ମେଘକୁ ଆର୍ଦ୍ରତାରେ ପୂର୍ଣ୍ଣ କରନ୍ତି; ସେ ଆପଣା ବିଜୁଳିର ମେଘ ବିସ୍ତାର କରନ୍ତି ।
\s5
\v 12 ଆଉ, ସେ ଯାହା କିଛି ଆଜ୍ଞା କରନ୍ତି, ତାହା ବାସଯୋଗ୍ୟ ଭୂମଣ୍ଡଳରେ ସାଧନ କରିବା ପାଇଁ ତାହାଙ୍କ ଚାଳନ ଦ୍ୱାରା ତାହା ଘୂରେ ।
\v 13 ଦଣ୍ଡ ନିମନ୍ତେ, ବା ଆପଣା ଦେଶ ନିମନ୍ତେ, ଅଥବା ଦୟା ନିମନ୍ତେ ହେଉ, ସେ ତାହା ଘଟାନ୍ତି ।
\s5
\v 14 ହେ ଆୟୁବ, ଏଥିରେ କର୍ଣ୍ଣପାତ କର; ସ୍ଥିର ହୋଇ ଠିଆ ହୁଅ ଓ ପରମେଶ୍ୱରଙ୍କ ଆଶ୍ଚର୍ଯ୍ୟକ୍ରିୟାସବୁ ବିବେଚନା କର ।
\v 15 ପରମେଶ୍ୱର କିରୂପେ ସେମାନଙ୍କ ଉପରେ ଆପଣା ଆଜ୍ଞାଭାର ଥୁଅନ୍ତି ଓ ଆପଣା ମେଘର ବିଜୁଳିକୁ ଦୀପ୍ତିମାନ କରନ୍ତି, ଏହା କି ତୁମ୍ଭେ ଜାଣ ?
\s5
\v 16 ତୁମ୍ଭେ କି ମେଘମାଳର ସମତୌଲ, ପରମ ଜ୍ଞାନୀଙ୍କର ଆଶ୍ଚର୍ଯ୍ୟକ୍ରିୟାସବୁ ଜାଣ ?
\v 17 ଦକ୍ଷିଣ ବାୟୁ ସକାଶୁ ପୃଥିବୀ ସ୍ତବ୍‍ଧ ଥିବା ବେଳେ ତୁମ୍ଭର ବସ୍ତ୍ର କିପରି ଉଷ୍ଣ ହୁଏ ?
\s5
\v 18 ତୁମ୍ଭେ କି ଛାଞ୍ଚରେ ଢଳା ଦର୍ପଣ ପରି ଦୃଢ ଆକାଶମଣ୍ଡଳକୁ ତାହାଙ୍କ ସଙ୍ଗେ ବିସ୍ତାର କରିପାର ?
\v 19 ତାହାଙ୍କୁ କଅଣ କହିବା, ତାହା ଆମ୍ଭମାନଙ୍କୁ ଶିଖାଅ; କାରଣ ଅନ୍ଧକାର ସକାଶୁ ଆମ୍ଭେମାନେ ଆପଣା କଥା ସଜାଇ ପାରୁ ନାହୁଁ ।
\v 20 ମୁଁ କଥା କହିବାକୁ ଇଚ୍ଛା କରେ ବୋଲି କି ତାହାଙ୍କୁ କୁହାଯିବ ? ଅବା କୌଣସି ମନୁଷ୍ୟ କି ଗ୍ରାସି ହୋଇ ଯିବାକୁ ଇଚ୍ଛା କରିବ ?
\s5
\v 21 ପୁଣି, ଏତେବେଳେ ଲୋକମାନେ ଆକାଶସ୍ଥ ତେଜସ୍କର ଦୀପ୍ତି ଦେଖନ୍ତି ନାହିଁ; ମାତ୍ର ବାୟୁ ବହି ତାହା ପରିଷ୍କାର କରେ ।
\v 22 ଉତ୍ତର ଦିଗରୁ ସୁବର୍ଣ୍ଣମୟ ଆଭା ଆସେ; ପରମେଶ୍ୱରଙ୍କଠାରେ ଭୟାନକ ମହତ୍ତ୍ୱ ଥାଏ ।
\s5
\v 23 ସର୍ବଶକ୍ତିମାନ ! ଆମ୍ଭେମାନେ ତାହାଙ୍କର ଉଦ୍ଦେଶ୍ୟ ପାଇ ନ ପାରୁ; ସେ ପରାକ୍ରମରେ ଶ୍ରେଷ୍ଠ; ପୁଣି, ସେ ବିଚାର ଓ ପ୍ରଚୁର ନ୍ୟାୟଗୁଣ ହେତୁ କ୍ଳେଶ ଦେବେ ନାହିଁ ।
\v 24 ଏଣୁ ନରଗଣ ତାହାଙ୍କୁ ଭୟ କରନ୍ତି; ଯେଉଁମାନେ ଅନ୍ତଃକରଣରେ ଜ୍ଞାନୀ, ସେ ସେମାନଙ୍କର ମୁଖାପେକ୍ଷା କରନ୍ତି ନାହିଁ ।"
\s5
\c 38
\s ଆୟୁବଙ୍କୁ ପରମେଶ୍ୱରଙ୍କ ଉତ୍ତର
\p
\v 1 ଏଥିଉତ୍ତାରେ ସଦାପ୍ରଭୁ ଘୂର୍ଣ୍ଣିବାୟୁ ମଧ୍ୟରୁ ଆୟୁବକୁ ଉତ୍ତର ଦେଇ କହିଲେ,
\v 2 "ଏ କିଏ ଯେ, ଜ୍ଞାନରହିତ କଥା ଦ୍ୱାରା ମନ୍ତ୍ରଣାକୁ ଅନ୍ଧକାରମୟ କରୁଅଛି ?
\v 3 ଏବେ ତୁମ୍ଭେ ବୀର ପରି ଆପଣା କଟି ବାନ୍ଧ, କାରଣ ଆମ୍ଭେ ତୁମ୍ଭକୁ ପ୍ରଶ୍ନ କରିବା ଓ ତୁମ୍ଭେ ଆମ୍ଭକୁ ବୁଝାଇ ଦିଅ ।
\s5
\v 4 ଯେତେବେଳେ ଆମ୍ଭେ ପୃଥିବୀର ଭିତ୍ତିମୂଳ ସ୍ଥାପନ କଲୁ, ସେତେବେଳେ ତୁମ୍ଭେ କେଉଁଠାରେ ଥିଲ ? ବୁଦ୍ଧି ଥିଲେ, ବୁଝାଇ ଦିଅ ।
\v 5 ତୁମ୍ଭେ କି ଜାଣ, କିଏ ତହିଁର ପରିମାଣ ନିରୂପଣ କଲା ? ଅବା କିଏ ତହିଁ ଉପରେ ପରିମାପକ ରଜ୍ଜୁ ପ୍ରସାରିଲା ?
\s5
\v 6 କାହା ଉପରେ ତହିଁର ଭିତ୍ତିମୂଳ ଦୃଢ଼ୀକୃତ ହେଲା ? ଅବା ପ୍ରଭାତୀୟ ନକ୍ଷତ୍ରଗଣ ଏକ ସଙ୍ଗେ ଗାନ କରିବା ବେଳେ
\v 7 ଓ ପରମେଶ୍ୱରଙ୍କ ସନ୍ତାନଗଣ ଆନନ୍ଦରେ ଜୟଧ୍ୱନି କରିବା ବେଳେ କିଏ ତହିଁର କୋଣ ପ୍ରସ୍ତର ବସାଇଲା ?
\s5
\v 8 ଅବା ଯେତେବେଳେ ଗର୍ଭରୁ ନିର୍ଗତ ହେବା ତୁଲ୍ୟ ସମୁଦ୍ର ବାହାରିଲା, ଯେତେବେଳେ ଆମ୍ଭେ ମେଘକୁ ତହିଁର ବସ୍ତ୍ର ସ୍ୱରୂପ
\v 9 ଓ ନିବିଡ଼ ଅନ୍ଧକାରକୁ ତହିଁର ଗୁଡ଼ାଇବା ବସ୍ତ୍ର ସ୍ୱରୂପ କଲୁ,
\s5
\v 10 ପୁଣି ତହିଁ ନିମନ୍ତେ ଆମ୍ଭେ ଆପଣା ବିଧି ନିରୂପଣ କରି ଅର୍ଗଳ ଓ କବାଟ ସ୍ଥାପନ କଲୁ,
\v 11 ତୁମ୍ଭେ ଏପର୍ଯ୍ୟନ୍ତ ଆସିବ, ମାତ୍ର ଆଉ ବଢ଼ିବ ନାହିଁ ଓ ଏହିଠାରେ ତୁମ୍ଭର ଗର୍ବିତ ତରଙ୍ଗ ନିବାରିତ ହେବ ବୋଲି କହିଲୁ; ସେତେବେଳେ କିଏ କବାଟ ଦେଇ ସମୁଦ୍ରକୁ ରୁଦ୍ଧ କଲା ?
\s5
\v 12 ଯେପରି ପ୍ରଭାତ ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ ଅବଲମ୍ବନ କରିବ ଓ ଦୁଷ୍ଟମାନେ ପୃଥିବୀରୁ ଝଡ଼ି ପଡ଼ିବେ;
\v 13 ଏଥିପାଇଁ ତୁମ୍ଭେ କି ଆପଣା ଦିନର ଆରମ୍ଭଠାରୁ ପ୍ରଭାତକୁ ଆଜ୍ଞା ଦେଉଅଛ ଓ ଅରୁଣକୁ ତହିଁର ଉଦୟ ସ୍ଥାନ ଜଣାଇଅଛ ?
\s5
\v 14 ମୋହରାଙ୍କିତ ମୃତ୍ତିକା ତୁଲ୍ୟ ତାହା ରୂପାନ୍ତରିତ ହୁଏ; ଓ ସକଳ ପଦାର୍ଥ ବସ୍ତ୍ର ତୁଲ୍ୟ ଦେଖାଯାଏ;
\v 15 ଦୁଷ୍ଟମାନଙ୍କଠାରୁ ସେମାନଙ୍କ ଦୀପ୍ତି ନିବାରିତ ହୁଏ ଓ ଉଚ୍ଚ ବାହୁ ଭଗ୍ନ ହୁଏ ।
\s5
\v 16 ତୁମ୍ଭେ କି ସମୁଦ୍ରର ଝର ପର୍ଯ୍ୟନ୍ତ ପ୍ରବେଶ କରିଅଛ ? ଅବା ତୁମ୍ଭେ କି ବାରିଧିର ଗୁପ୍ତସ୍ଥଳୀମାନଙ୍କରେ ଗତାୟାତ କରିଅଛ ?
\v 17 ତୁମ୍ଭ ନିକଟରେ କି ମୃତ୍ୟୁର ଦ୍ୱାରସବୁ ପ୍ରକାଶିତ ହୋଇଅଛି ? ଅବା ତୁମ୍ଭେ କି ମୃତ୍ୟୁଛାୟାର ଦ୍ୱାରସବୁ ଦେଖିଅଛ ?
\v 18 ତୁମ୍ଭେ କି ପୃଥିବୀର ବିସ୍ତୃତି ବୁଝିଅଛ ? ଏସବୁ ଯେବେ ଜାଣ, ପ୍ରକାଶ କର ।
\s5
\v 19 ଦୀପ୍ତିର ବାସସ୍ଥାନକୁ ପଥ କାହିଁ ? ଓ ଅନ୍ଧକାରର ସ୍ଥାନ କେଉଁଠାରେ ?
\v 20 ତୁମ୍ଭେ କି ତହିଁର ସୀମାକୁ ତାହାକୁ ନେଇପାର ? ଓ ତହିଁର ଗୃହ-ପଥ କି ଚିହ୍ନିପାର ?
\v 21 ସନ୍ଦେହ ନାହିଁ, ତୁମ୍ଭେ ଜାଣ, କାରଣ ସେତେବେଳେ ତୁମ୍ଭେ ଜନ୍ମ ହୋଇଥିଲ ଓ ତୁମ୍ଭ ଦିନର ସଂଖ୍ୟା ବହୁତ !
\s5
\v 22 ତୁମ୍ଭେ ହିମଭଣ୍ଡାରରେ ପ୍ରବେଶ କରିଅଛ ? ଅବା ଆମ୍ଭେ ସଙ୍କଟକାଳ ଓ ସଂଗ୍ରାମ ଓ ଯୁଦ୍ଧ ଦିନ ନିମନ୍ତେ ଯେଉଁ ଶିଳାବୃଷ୍ଟି ସଞ୍ଚୟ କରିଅଛୁ,
\v 23 ତହିଁର ଭଣ୍ଡାର କି ତୁମ୍ଭେ ଦେଖିଅଛ ?
\v 24 କେଉଁ ପଥରେ ଦୀପ୍ତି ବିଭକ୍ତ ହୁଏ, ଅବା ପୂର୍ବୀୟ ବାୟୁ ପୃଥିବୀରେ ବ୍ୟାପ୍ତ ହୁଏ ?
\s5
\v 25 ଜଳପ୍ଳାବନ ନିମନ୍ତେ ପ୍ରଣାଳୀ ଓ ମେଘଗର୍ଜ୍ଜନର ବିଜୁଳି ନିମନ୍ତେ ପଥ କାଟି
\v 26 କିଏ ପୃଥିବୀର ନିର୍ଜନ ସ୍ଥାନରେ ଓ ନରଶୂନ୍ୟ ପ୍ରାନ୍ତରରେ ବର୍ଷାଇବାକୁ,
\v 27 ମରୁଭୂମି ଓ ଶୁଷ୍କସ୍ଥାନ ତୃପ୍ତ କରିବାକୁ ଓ କୋମଳ ତୃଣ ଅଙ୍କୁରିତ ହେବାକୁ ଦିଅନ୍ତି ?
\s5
\v 28 ବୃଷ୍ଟିର କି ପିତା ଅଛି ? ଅବା କିଏ ଶିଶିର ବିନ୍ଦୁସବୁ ଜାତ କରିଅଛି ?
\v 29 କାହାର ଗର୍ଭରୁ ହିମାନୀ ନିର୍ଗତ ହୋଇଅଛି ? ଓ କିଏ ଆକାଶର ତୁଷାରକୁ ଜନ୍ମ ଦେଇଅଛି ?
\v 30 ଜଳରାଶି ପ୍ରସ୍ତରାଚ୍ଛାଦିତ ହେଲା ପରି ହୁଏ ଓ ବାରିଧିର ଉପର ଭାଗ ଜମାଟ ହୁଏ ।
\s5
\v 31 ତୁମ୍ଭେ କି କୃତ୍ତିକା-ନକ୍ଷତ୍ରପୁଞ୍ଜ ବାନ୍ଧିପାର ? ଓ ମୃଗଶୀର୍ଷର ବନ୍ଧନ ଫିଟାଇପାର ?
\v 32 ତୁମ୍ଭେ କି ରାଶିଗଣକୁ ସ୍ୱ ସ୍ୱ ଋତୁରେ ଚଳାଇପାର ? ଅବା ତୁମ୍ଭେ କି ସ୍ୱାତୀ ଓ ତହିଁର ସହଚରଗଣକୁ ପଥ ଦେଖାଇପାର ?
\v 33 ତୁମ୍ଭେ କି ଆକାଶମଣ୍ଡଳର ବିଧାନସବୁ ଜାଣ ? ତୁମ୍ଭେ କି ପୃଥିବୀରେ ତହିଁର କର୍ତ୍ତୃତ୍ୱ ସ୍ଥାପନ କରିପାର ?
\s5
\v 34 ଯେପରି ଅପାର ଜଳ ତୁମ୍ଭକୁ ଆଚ୍ଛନ୍ନ କରି ପାରିବ, ଏଥିପାଇଁ ତୁମ୍ଭେ କି ମେଘ ପର୍ଯ୍ୟନ୍ତ ଆପଣା ରବ ଉଠାଇପାର ?
\v 35 ବିଦ୍ୟୁତମାଳା ଯେପରି ଯିବେ ଓ ତୁମ୍ଭକୁ କହିବେ, ଆମ୍ଭେମାନେ ଏଠାରେ ଅଛୁ, ଏଥିପାଇଁ କି ତୁମ୍ଭେ ସେମାନଙ୍କୁ ପଠାଇପାର ?
\s5
\v 36 କିଏ ଅନ୍ତରେ ଜ୍ଞାନ ସ୍ଥାପନ କରିଅଛି ? ଅବା ମନକୁ କିଏ ବୁଦ୍ଧି ଦେଇଅଛି ?
\v 37 କିଏ ଜ୍ଞାନ ଦ୍ୱାରା ମେଘମାଳ ଗଣନା କରିପାରେ ?
\v 38 ଧୂଳୀ ରାଶୀକୃତ ହୋଇ ଟେଳା ବାନ୍ଧିବା ବେଳେ କିଏ ଆକାଶସ୍ଥ କୁମ୍ପାସବୁ ଢାଳି ଦେଇପାରେ ?
\s5
\v 39 ତୁମ୍ଭେ କି ସିଂହୀ ପାଇଁ ଶିକାର ଖୋଜିବ ? ଅବା ଯୁବାସିଂହମାନେ ଆପଣା ଆପଣା ଗୁହାରେ ଶୟନ କଲା ବେଳେ ଓ ଛକି ବସିବା ପାଇଁ ଗୁପ୍ତ ସ୍ଥାନରେ ଥିବା ବେଳେ
\v 40 ତୁମ୍ଭେ କି ସେମାନଙ୍କ କ୍ଷୁଧା ନିବାରଣ କରିପାର ?
\s5
\v 41 ଡାମରା କାଉର ଛୁଆମାନେ ପରମେଶ୍ୱରଙ୍କ ନିକଟରେ ରାବ କରି ଖାଦ୍ୟ ଅଭାବରେ ଭ୍ରମଣ କଲା ବେଳେ କିଏ ତାହାକୁ ଆହାର ଯୋଗାଇ ଦିଏ ?
\s5
\c 39
\p
\v 1 ତୁମ୍ଭେ କି ଶୈଳବାସିନୀ ବନ୍ୟ ଛାଗୀର ପ୍ରସବ କାଳ ଜାଣ ? ଅବା ହରିଣୀର ପ୍ରସବରୀତି ନିର୍ଣ୍ଣୟ କରିପାର ?
\v 2 ତୁମ୍ଭେ କି ସେମାନଙ୍କର ଗର୍ଭମାସ ଗଣନା କରିପାର ? ସେମାନଙ୍କର ପ୍ରସବ-ସମୟ କି ତୁମ୍ଭେ ଜାଣ ?
\s5
\v 3 ସେମାନେ ନଇଁ ପଡ଼ିଲେ, ଛୁଆ ପ୍ରସବ କରି ଆପଣା ଦୁଃଖ ଦୂର କରନ୍ତି ।
\v 4 ସେମାନଙ୍କ ଛୁଆମାନେ ହୃଷ୍ଟପୁଷ୍ଟ ହୁଅନ୍ତି, ମେଲା ପଦାରେ ବଢ଼ନ୍ତି; ସେମାନେ ବାହାରି ଯାଇ ଆସନ୍ତି ନାହିଁ ।
\s5
\v 5 କିଏ ବନ୍ୟ ଗର୍ଦ୍ଦଭକୁ ସ୍ୱାଧୀନ କରି ଛାଡ଼ି ଦେଇଅଛି ? ଅବା କିଏ ବନ୍ୟ ଗର୍ଦ୍ଦଭର ବନ୍ଧନ ମୁକ୍ତ କରିଅଛି ?
\v 6 ଆମ୍ଭେ ବନକୁ ତାହାର ଗୃହ ଓ ଲବଣଭୂମିକି ତାହାର ନିବାସ ସ୍ଥାନ କରିଅଛୁ ।
\s5
\v 7 ସେ ନଗରର ଚହଳ ତୁଚ୍ଛ କରେ, କିଅବା ଅଡ଼ାଇବା ଲୋକର ଉଚ୍ଚ ଶବ୍ଦ ଶୁଣେ ନାହିଁ ।
\v 8 ପର୍ବତଶ୍ରେଣୀ ତାହାର ଚରାସ୍ଥାନ ଓ ସେ ସର୍ବପ୍ରକାର ସତେଜ ତୃଣାଦି ଅନ୍ଵେଷଣ କରେ ।
\s5
\v 9 ଅରଣା କି ତୁମ୍ଭର ସେବା କରିବାକୁ ସନ୍ତୁଷ୍ଟ ହେବ ? ଅବା ସେ କି ତୁମ୍ଭ କୁଣ୍ଡ ପାଖରେ ରହିବ ?
\v 10 ତୁମ୍ଭେ କି ଅରଣାକୁ ତାହାର ବନ୍ଧନରେ ବାନ୍ଧି ଲଙ୍ଗଳଶିଆରରେ ଚଳାଇପାର ? ଅବା ସେ କି ତୁମ୍ଭ ପଛେ ପଛେ ଉପତ୍ୟକାରେ ମଇ ଦେବ ?
\s5
\v 11 ତାହାର ବହୁତ ବଳ ଥିବାରୁ ତୁମ୍ଭେ କି ତାହାକୁ ବିଶ୍ୱାସ କରିବ ? ଅବା ତୁମ୍ଭେ କି ଆପଣା କର୍ମ ତାହାକୁ ସମର୍ପଣ କରିବ ?
\v 12 ସେ ତୁମ୍ଭ ଶସ୍ୟ ଗୃହକୁ ଆଣିବ ଓ ତୁମ୍ଭ ଖଳାର ଶସ୍ୟ ସଂଗ୍ରହ କରିବ ବୋଲି କି ତୁମ୍ଭେ ତାହାଠାରେ ନିର୍ଭର କରିବ ?
\s5
\v 13 ଉଷ୍ଟ୍ରପକ୍ଷିଣୀର ପକ୍ଷ ଉଲ୍ଲାସ କରେ; ମାତ୍ର ତାହାର ଡେଣା ଓ ପର କି ସ୍ନେହଶୀଳ ?
\v 14 କାରଣ ସେ ଭୂମିରେ ଆପଣା ଅଣ୍ଡା ଛାଡ଼େ ଓ ଧୂଳିରେ ତାହା ଉଷ୍ଣ କରେ,
\v 15 ଆଉ ପାଦରେ ତାହା ଭଗ୍ନ ଅବା ବନ୍ୟ ପଶୁ ଦ୍ୱାରା ତାହା ଦଳିତ ହେବ ବୋଲି ପାସୋରି ଯାଏ ।
\s5
\v 16 ତାହାର ଛୁଆମାନେ ତାହାର ନିଜର ନ ଥିଲା ପରି ସେ ସେମାନଙ୍କ ପ୍ରତି ନିର୍ଦ୍ଦୟ ହୁଏ; ତାହାର ପ୍ରସବବେଦନା ବିଫଳ ହେଲେ ହେଁ ସେ ନିଶ୍ଚିନ୍ତ ଥାଏ;
\v 17 କାରଣ ପରମେଶ୍ୱର ତାହାକୁ ଜ୍ଞାନରହିତ କରିଅଛନ୍ତି, ଅଥବା ସେ ତାହାକୁ ବୁଦ୍ଧି ଦେଇ ନାହାନ୍ତି ।
\v 18 ସେ ଉପରକୁ ଉଠିଲେ, ଅଶ୍ୱ ଓ ଅଶ୍ୱାରୋହୀକି ପରିହାସ କରେ ।
\s5
\v 19 ତୁମ୍ଭେ କି ଅଶ୍ୱକୁ ତାହାର ବିକ୍ରମ ଦେଇଅଛ ? ତୁମ୍ଭେ କି କମ୍ପମାନ କେଶରରେ ତାହାର ଗ୍ରୀବାଦେଶ ଭୂଷିତ କରିଅଛ ?
\v 20 ତୁମ୍ଭେ କି ତାହାକୁ ଫଡ଼ିଙ୍ଗ ପରି କୁଦିବାକୁ ଦେଇଅଛ ? ତାହାର ନାସାଶବ୍ଦର ତେଜ ଭୟାନକ ।
\s5
\v 21 ସେ ଉପତ୍ୟକାରେ ଖୁରା ମାରେ ଓ ଆପଣା ବଳରେ ଆନନ୍ଦ କରନ୍ତେ ସେ ସସଜ୍ଜ ଯୋଦ୍ଧାମାନଙ୍କୁ ଭେଟିବାକୁ ଯାଏ ।
\v 22 ସେ ଭୟକୁ ପରିହାସ କରେ ଓ ଉଦ୍‍ବିଗ୍ନ ହୁଏ ନାହିଁ; କିଅବା ଖଡ଼୍‍ଗ ସମ୍ମୁଖରୁ ଫେରେ ନାହିଁ ।
\v 23 ତୂଣ, ଝଲମଲ ବର୍ଚ୍ଛା ଓ ଶୂଳ ତାହା ପ୍ରତିକୂଳରେ ଝନ୍‍ଝନ୍‍ ଶବ୍ଦ କରେ ।
\s5
\v 24 ସେ ପ୍ରଚଣ୍ଡତା ଓ କ୍ରୋଧରେ ଭୂମି ଗ୍ରାସି ପକାଏ; କିଅବା ଏହା ତୂରୀଶବ୍ଦ ବୋଲି ବିଶ୍ୱାସ କରେ ନାହିଁ ।
\v 25 ଯେତେ ଥର ତୂରୀ ବାଜେ, ସେତେଥର ସେ ହିଁ ହିଁ ଶବ୍ଦ କରେ ! ଓ ସେ ଦୂରରୁ ସଂଗ୍ରାମର, ସେନାପତିମାନଙ୍କର ହୁଙ୍କାର ଓ ସିଂହନାଦର ଗନ୍ଧ ପାଏ ।
\s5
\v 26 ତୁମ୍ଭ ଜ୍ଞାନରେ କି ବାଜପକ୍ଷୀ ଉପରକୁ ଉଡ଼େ ଓ ଦକ୍ଷିଣ ଦିଗକୁ ଆପଣା ପକ୍ଷ ବିସ୍ତାର କରେ ?
\s5
\v 27 ଉତ୍କ୍ରୋଶ ପକ୍ଷୀ ତୁମ୍ଭ ଆଜ୍ଞାରେ କି ଉପରକୁ ଉଠେ ଓ ଊର୍ଦ୍ଧ୍ୱରେ ଆପଣା ବସା କରେ ?
\v 28 ସେ ଶୈଳରେ ବାସ କରେ, ସେଠାରେ ତାହାର ବସା, ସେ ଶୈଳାଗ୍ରରେ ଓ ଦୁର୍ଗମ ସ୍ଥାନରେ ଥାଏ ।
\s5
\v 29 ସେଠାରୁ ସେ ଶିକାର ନିରୀକ୍ଷଣ କରେ; ତାହାର ଚକ୍ଷୁ ଦୂରରୁ ତାହା ଦେଖେ ।
\v 30 ତାହାର ଛୁଆମାନେ ମଧ୍ୟ ରକ୍ତ ଚୁଷନ୍ତି; ଯେଉଁଠାରେ ହତ ଲୋକ, ସେହିଠାରେ ସେ ଥାଏ ।"
\s5
\c 40
\p
\v 1 ଆହୁରି, ସଦାପ୍ରଭୁ ଆୟୁବକୁ ଉତ୍ତର କରି କହିଲେ,
\v 2 "ଦୋଷାନ୍ଵେଷୀ ଲୋକ କି ସର୍ବଶକ୍ତିମାନଙ୍କ ସହିତ ବିବାଦ କରିବ ? ଯେ ପରମେଶ୍ୱରଙ୍କ ସଙ୍ଗେ ଯୁକ୍ତି କରେ, ସେ ଏଥିର ଉତ୍ତର ଦେଉ ।"
\s ଆୟୁବଙ୍କ ନିରବତାର ପ୍ରତିଜ୍ଞା
\p
\s5
\v 3 ତହୁଁ ଆୟୁବ ସଦାପ୍ରଭୁଙ୍କୁ ଉତ୍ତର ଦେଇ କହିଲା,
\v 4 "ଦେଖ, ମୁଁ ଅକିଞ୍ଚନ; ତୁମ୍ଭକୁ କି ଉତ୍ତର ଦେବି ? ମୁଁ ନିଜ ମୁଖରେ ଆପଣା ହାତ ଦିଏ ।
\v 5 ମୁଁ ଥରେ କଥା କହିଅଛି, ପୁଣି ଉତ୍ତର ଦେବି ନାହିଁ; ହଁ, ଦୁଇଥର କହିଅଛି, ମାତ୍ର ଆଉ ଅଧିକ ବଢ଼ିବି ନାହିଁ ।"
\s ଆୟୁବଙ୍କୁ ପରମେଶ୍ୱରଙ୍କ ଆହ୍ୱାନ
\p
\s5
\v 6 ଅନନ୍ତର ସଦାପ୍ରଭୁ ଘୂର୍ଣ୍ଣିବାୟୁ ମଧ୍ୟରୁ ଆୟୁବକୁ ଉତ୍ତର ଦେଇ କହିଲେ,
\v 7 "ତୁମ୍ଭେ ବୀର ପରି ଆପଣା କଟି ବାନ୍ଧ; ଆମ୍ଭେ ତୁମ୍ଭକୁ ପ୍ରଶ୍ନ କରିବା, ତୁମ୍ଭେ ଆମ୍ଭକୁ ବୁଝାଇ ଦିଅ ।
\s5
\v 8 ତୁମ୍ଭେ କି ଆମ୍ଭର ବିଚାର ବ୍ୟର୍ଥ କରିବ ? ତୁମ୍ଭେ ଧାର୍ମିକ ଗଣିତ ହେବା ପାଇଁ କି ଆମ୍ଭକୁ ଦୋଷୀ କରିବ ?
\v 9 ଅବା ତୁମ୍ଭର ବାହୁ କି ପରମେଶ୍ୱରଙ୍କ ବାହୁ ତୁଲ୍ୟ ? ଓ ତୁମ୍ଭେ କି ତାହାଙ୍କ ତୁଲ୍ୟ ରବ କରି ଗର୍ଜ୍ଜନ କରିପାର ?
\s5
\v 10 ତେବେ, ତୁମ୍ଭେ ପ୍ରାଧାନ୍ୟ ଓ ମହତ୍ତ୍ୱରେ ବିଭୂଷିତ ହୁଅ; ପୁଣି, ସମ୍ଭ୍ରମ ଓ ପ୍ରତାପ ପରିଧାନ କର ।
\v 11 ତୁମ୍ଭେ ଆପଣା ଉଚ୍ଛଳିତ କ୍ରୋଧ ଢାଳି ପକାଅ ଓ ପ୍ରତ୍ୟେକ ଅହଙ୍କାରୀକି ଅନାଇ ତାହାକୁ ନତ କର ।
\s5
\v 12 ପ୍ରତ୍ୟେକ ଗର୍ବୀକି ଅନାଇ ତାହାକୁ ନତ କର; ଦୁଷ୍ଟମାନଙ୍କୁ ସେମାନଙ୍କ ଠିଆ ହେବା ସ୍ଥାନରେ ଦଳି ପକାଅ ।
\v 13 ସେମାନଙ୍କୁ ଏକତ୍ର ଧୂଳିରେ ଲୁଚାଇ ଦିଅ; ଗୁପ୍ତ ସ୍ଥାନରେ ସେମାନଙ୍କ ମୁଖ ବାନ୍ଧି ପକାଅ ।
\v 14 ତେବେ ତୁମ୍ଭ ଦକ୍ଷିଣ ହସ୍ତ ଯେ ତୁମ୍ଭକୁ ଉଦ୍ଧାର କରିପାରେ, ଆମ୍ଭେ ହିଁ ତୁମ୍ଭ ବିଷୟରେ ଏହା ସ୍ୱୀକାର କରିବା ।
\s5
\v 15 ବହେମୋତକୁ ଦେଖ, ଆମ୍ଭେ ତୁମ୍ଭ ସଙ୍ଗେ ତାହାକୁ ସୃଷ୍ଟି କରିଅଛୁ; ସେ ଗୋରୁ ପରି ତୃଣ ଖାଏ ।
\v 16 ଦେଖ, ତାହାର କଟିଦେଶରେ ତାହାର ବଳ ଥାଏ ଓ ତାହାର ଉଦରସ୍ଥ ପେଶୀରେ ତାହାର ଶକ୍ତି ଥାଏ ।
\s5
\v 17 ସେ ଏରସ ବୃକ୍ଷ ପରି ଆପଣା ଲାଙ୍ଗୁଳ ହଲାଏ; ତାହାର ଊରୁଦେଶର ଶିରାସବୁ ଏକତ୍ର ସଂଯୁକ୍ତ ।
\v 18 ତାହାର ଅସ୍ଥିସବୁ ପିତ୍ତଳର ନଳ ପରି; ତାହାର ଅଙ୍ଗପ୍ରତ୍ୟଙ୍ଗ ଲୁହାର ଅର୍ଗଳ ପରି ।
\s5
\v 19 ସେ ପରମେଶ୍ୱରଙ୍କ କାର୍ଯ୍ୟ ମଧ୍ୟରେ ଅଗ୍ରଗଣ୍ୟ; ଯେ ତାହାକୁ ସୃଷ୍ଟି କଲେ, କେବଳ ତାହାଙ୍କର ଖଡ଼୍‍ଗ ତାହାକୁ ସ୍ପର୍ଶ କରିପାରେ ।
\v 20 ଆହୁରି, ପର୍ବତଗଣ ତାହା ପାଇଁ ଖାଦ୍ୟ ଉତ୍ପନ୍ନ କରନ୍ତି, ସେଠାରେ ବନ୍ୟ ପଶୁ ସମସ୍ତେ କ୍ରୀଡ଼ା କରନ୍ତି ।
\v 21 ସେ ନଳବନ ଭିତରେ ଓ ଝିଲରେ ପଦ୍ମବୃକ୍ଷ ତଳେ ଶୟନ କରେ ।
\s5
\v 22 ପଦ୍ମବୃକ୍ଷ ଆପଣା ଛାୟାରେ ତାହାକୁ ଆଚ୍ଛନ୍ନ କରେ; ନଦୀର ବାଇଶ ବୃକ୍ଷ ତାହାର ଚତୁର୍ଦ୍ଦିଗରେ ଥାଏ ।
\v 23 ଦେଖ, ନଦୀ ବଢ଼ିଲେ, ସେ କମ୍ପିତ ହୁଏ ନାହିଁ; ଯର୍ଦ୍ଦନ ତାହାର ମୁଖ ସରିକି ବଢ଼ିଲେ ହେଁ ସେ ସୁସ୍ଥିର ଥାଏ ।
\v 24 ସେ ଜାଗ୍ରତ ଥିବା ବେଳେ କେହି କି ତାକୁ ଧରିବ ? ଅବା ରଜ୍ଜୁ ଦ୍ୱାରା ତାହାର ନାସିକା ଫୋଡ଼ିବ ?
\s5
\c 41
\p
\v 1 ତୁମ୍ଭେ କି ବଡ଼ଶୀ ଦ୍ୱାରା ଲିବିୟାଥନକୁ ଓଟାରି ପାର ? ଅବା ରଜ୍ଜୁରେ ତାହାର ଜିହ୍ୱା ତଳକୁ ଚାପିପାର ?
\v 2 ତୁମ୍ଭେ କି ତାହାର ନାସାରେ ଦଉଡ଼ି ଦେଇପାର ? ଅବା ବଡ଼ଶୀରେ ତାହାର ଥୋମଣୀ ଫୋଡ଼ିପାର ?
\v 3 ସେ କି ତୁମ୍ଭ ନିକଟରେ ଅନେକ ବିନତି କରିବ ? ଅବା ସେ କି ତୁମ୍ଭକୁ କୋମଳ କଥା କହିବ ?
\s5
\v 4 ତୁମ୍ଭେ ତାହାକୁ ଚିରକାଳ ଦାସ କରି ରଖିବା ପାଇଁ ସେ କି ତୁମ୍ଭ ସଙ୍ଗେ ନିୟମ କରିବ ?
\v 5 ପକ୍ଷୀ ସଙ୍ଗେ ଖେଳିଲା ପରି ତୁମ୍ଭେ କି ତାହା ସଙ୍ଗେ ଖେଳିବ ? ଅବା ତୁମ୍ଭେ କି ଆପଣା ବାଳିକାମାନଙ୍କ ନିମନ୍ତେ ତାହାକୁ ବାନ୍ଧି ରଖିବ ?
\v 6 ମତ୍ସ୍ୟଧାରୀଦଳ କି ତାହାକୁ ବାଣିଜ୍ୟ ଦ୍ରବ୍ୟ କରିବେ ? ସେମାନେ କି ବଣିକମାନଙ୍କ ମଧ୍ୟରେ ତାହାକୁ ଭାଗବିଭାଗ କରିବେ ?
\s5
\v 7 ତୁମ୍ଭେ କି ଲୌହ ଅଙ୍କୁଶରେ ତାହାର ଚର୍ମ, ଅବା ତେଣ୍ଟାରେ ତାହାର ମସ୍ତକ ବିନ୍ଧିପାର ?
\v 8 ତାହା ଉପରେ ତୁମ୍ଭେ ହସ୍ତକ୍ଷେପ କର; ଯୁଦ୍ଧ ସ୍ମରଣ କର, ପୁଣି ସେପରି ଆଉ କର ନାହିଁ ।
\v 9 ଦେଖ, ତାହା ବିଷୟକ ପ୍ରତ୍ୟାଶା ବୃଥା; କେହି ତାହାକୁ ଦେଖିବା ମାତ୍ର କି ତଳେ ପଡ଼ିଯିବ ନାହିଁ ?
\s5
\v 10 ତାହାକୁ ଯେ ଜଗାଇବ, ଏପରି ସାହସିକ କେହି ନାହିଁ; ତେବେ ଆମ୍ଭ ସମ୍ମୁଖରେ କିଏ ଛିଡ଼ା ହୋଇପାରେ ?
\v 11 କିଏ ଆଗେ ଆମ୍ଭକୁ ଦେଇଅଛି ଯେ, ଆମ୍ଭେ ତାହାକୁ ପରିଶୋଧ କରିବା ? ସମୁଦାୟ ଆକାଶମଣ୍ଡଳ ତଳେ ଯାହା କିଛି ଅଛି, ସବୁ ହିଁ ଆମ୍ଭର ।
\v 12 ତାହାର ଅଙ୍ଗପ୍ରତ୍ୟଙ୍ଗ, ଅବା ମହାପରାକ୍ରମ, ଅବା ତାହାର ସୁନ୍ଦର ଗଠନ ବିଷୟରେ ଆମ୍ଭେ ନୀରବ ରହିବା ନାହିଁ ।
\s5
\v 13 ତାହାର ବାହାର ବସ୍ତ୍ର କିଏ କାଢ଼ିପାରେ ? କିଏ ତାହାର ଦନ୍ତଶ୍ରେଣୀଦ୍ୱୟ ମଧ୍ୟକୁ ଆସିବ ?"
\v 14 କିଏ ତାହାର ମୁଖରୁ କବାଟ ଫିଟାଇପାରେ ? ତାହାର ଦନ୍ତର ଚତୁର୍ଦ୍ଦିଗରେ ତ୍ରାସ ଥାଏ ।
\v 15 ତାହାର ଶକ୍ତ କାତିସବୁ ତାହାର ଦର୍ପର ବିଷୟ, ତାହା ଦୃଢ଼ ରୂପେ ମୋହରାଙ୍କିତ ହେଲା ପରି ଏକତ୍ର ବନ୍ଦ ହୋଇଅଛି ।
\s5
\v 16 ଏକ ଆରେକର ଏତେ ନିକଟ ଯେ, ବାୟୁ ତହିଁରେ ପ୍ରବେଶ କରି ପାରେ ନାହିଁ ।
\v 17 ତାହାସବୁ ପରସ୍ପର ସଂଯୁକ୍ତ; ତାହାସବୁ ଏପରି ଏକତ୍ର ଲାଗି ରହିଅଛି ଯେ, ଭିନ୍ନ କରାଯାଇ ପାରେ ନାହିଁ ।
\v 18 ତାହାର ଛିଙ୍କରୁ ଆଲୁଅ ଝଟକେ ଓ ତାହାର ଚକ୍ଷୁ ଅରୁଣର ଚକ୍ଷୁପତା ସଦୃଶ ।
\s5
\v 19 ତାହାର ମୁଖରୁ ଜ୍ୱଳ; ମଶାଲ ନିର୍ଗତ ହୁଏ ଓ ଅଗ୍ନିକଣା ଉଡ଼େ ।
\v 20 ଯେପରି ରନ୍ଧାହାଣ୍ଡିରୁ ଓ ଜ୍ୱଳନ୍ତ ତୃଣରୁ, ସେପରି ତାହାର ନାସାରନ୍ଧ୍ରରୁ ଧୂମ ନିର୍ଗତ ହୁଏ ।
\v 21 ତାହାର ନିଶ୍ୱାସ ଅଙ୍ଗାର ଜ୍ୱଳାଏ ଓ ତାହାର ମୁଖରୁ ଅଗ୍ନିଶିଖା ନିର୍ଗତ ହୁଏ ।
\s5
\v 22 ତାହାର ଗ୍ରୀବାରେ ଶକ୍ତି ଅବସ୍ଥିତି କରେ ଓ ତାହା ସମ୍ମୁଖରେ ତ୍ରାସ ନୃତ୍ୟ କରେ ।
\v 23 ତାହାର ମାଂସର ପରସ୍ତ ଏକତ୍ର ସଂଯୁକ୍ତ ଥାଏ; ତାହାସବୁ ତାହା ଉପରେ ଦୃଢ଼ବଦ୍ଧ ଥାଏ; ତାହାସବୁ ଘୁଞ୍ଚାଯାଇ ପାରେ ନାହିଁ ।
\v 24 ତାହାର ହୃଦୟ ପ୍ରସ୍ତର ପରି ଦୃଢ଼ ଓ ଚକିର ତଳପଟ ପରି ଦୃଢ଼ ।
\s5
\v 25 ସେ ଉଠିଲେ, ବିକ୍ରମୀମାନେ ଭୟଗ୍ରସ୍ତ ହୁଅନ୍ତି; ଭୟ ସକାଶୁ ସେମାନେ ହତବୁଦ୍ଧି ହୁଅନ୍ତି ।
\v 26 କେହି ତାହା ଉପରେ ଖଡ଼୍‍ଗ ଲଗାଇଲେ, କିଛି ହୁଏ ନାହିଁ; ବର୍ଚ୍ଛା, ଶୂଳ କି ତୀକ୍ଷ୍‍ଣ ତୀର ବିଫଳ ହୁଏ ।
\v 27 ସେ ଲୁହାକୁ କୁଟା ପରି ଓ ପିତ୍ତଳକୁ ସଢ଼ା କାଠ କରି ଗଣେ ।
\s5
\v 28 ତୀର ତାହାକୁ ତଡ଼ାଇ ପାରେ ନାହିଁ ଓ ଛାଟିଣୀ ପଥର ତାହା ପ୍ରତି ନଡ଼ା ପରି ହୁଏ ।
\v 29 ଗଦା ତୃଣ ତୁଲ୍ୟ ଗଣିତ ହୁଏ; ବର୍ଚ୍ଛା ବଳରେ ଆସିବା ବେଳେ ସେ ହସେ ।
\v 30 ତାହାର ନିମ୍ନଭାଗ ତୀକ୍ଷ୍‍ଣ ଖପରା ପରି; ସେ କାଦୁଅ ଉପରେ କଣ୍ଟାର ମଇ ଚଳାଏ ।
\s5
\v 31 ସେ ଗଭୀର ଜଳକୁ ହାଣ୍ଡି ଜଳ ପରି ଫୁଟାଏ; ସେ ସମୁଦ୍ରକୁ ଲେପ ପରି କରେ ।
\v 32 ସେ ଆପଣା ପଛେ ପଛେ ପଥ ଉଜ୍ଜ୍ୱଳ କରେ; କେହି ମନେ କରିପାରେ, ଜଳଧି ପକ୍ୱ କେଶ ହେଲା;
\s5
\v 33 ପୃଥିବୀରେ ତାହା ପରି ଭୟରହିତ ହୋଇ କେହି ସୃଷ୍ଟ ହୋଇ ନାହିଁ ।
\v 34 ସେ ସକଳ ଉଚ୍ଚ ବିଷୟ ଦେଖେ, ସେ ଯାବତୀୟ ଗର୍ବର ସନ୍ତାନଗଣ ଉପରେ ରାଜା ଅଟେ ।
\s5
\c 42
\s ଆୟୁବଙ୍କ ସ୍ୱୀକାରୋକ୍ତି ଏବଂ ଅନୁତାପ
\p
\v 1 ଏଥିଉତ୍ତାରେ ଆୟୁବ ସଦାପ୍ରଭୁଙ୍କୁ ଉତ୍ତର ଦେଇ କହିଲା,
\v 2 "ମୁଁ ଜାଣେ ଯେ, ତୁମ୍ଭେ ସବୁ କରିପାର ଓ ତୁମ୍ଭର କୌଣସି ସଙ୍କଳ୍ପ ନିବାରଣ କରାଯାଇ ନ ପାରେ ।
\v 3 ଜ୍ଞାନ ବିନା ମନ୍ତ୍ରଣା ଗୋପନକାରୀ ଏ କିଏ ? ସତ୍ୟ, ମୁଁ ଯାହା ବୁଝିଲି ନାହିଁ, ଯେଉଁ ଅତି ଆଶ୍ଚର୍ଯ୍ୟ କଥା ଜାଣିଲି ନାହିଁ, ତାହା ହିଁ କହିଅଛି ।
\s5
\v 4 ବିନୟ କରୁଅଛି, ଶୁଣ, ମୁଁ କଥା କହିବି; ମୁଁ ତୁମ୍ଭଙ୍କୁ ପ୍ରଶ୍ନ କରିବି, ଆଉ ତୁମ୍ଭେ ମୋତେ ବୁଝାଇ ଦିଅ ।
\v 5 ମୁଁ କର୍ଣ୍ଣରେ ତୁମ୍ଭ ବିଷୟ ଶୁଣିଥିଲି; ମାତ୍ର ଏବେ ମୋହର ଚକ୍ଷୁ ତୁମ୍ଭଙ୍କୁ ଦେଖୁଅଛି,
\v 6 ଏହେତୁ ମୁଁ ଆପଣାକୁ ଘୃଣା କରୁଅଛି, ପୁଣି ଧୂଳି ଓ ଭସ୍ମରେ ବସି ଅନୁତାପ କରୁଅଛି ।
\s5
\v 7 ସଦାପ୍ରଭୁ ଆୟୁବକୁ ଏହିସବୁ କଥା କହିଲା ଉତ୍ତାରେ, ସଦାପ୍ରଭୁ ତୈମନୀୟ ଇଲୀଫସ୍‍କୁ କହିଲେ, "ତୁମ୍ଭ ପ୍ରତି ଓ ତୁମ୍ଭର ଦୁଇ ମିତ୍ର ପ୍ରତି ଆମ୍ଭର କୋପ ପ୍ରଜ୍ୱଳିତ ହୋଇଅଛି; କାରଣ ତୁମ୍ଭେମାନେ ଆମ୍ଭ ଦାସ ଆୟୁବ ପରି ଆମ୍ଭ ବିଷୟରେ ଯଥାର୍ଥ କଥା କହି ନାହଁ ।
\v 8 ଏଣୁ ଏବେ ତୁମ୍ଭେମାନେ ଆପଣାମାନଙ୍କ ପାଇଁ ସାତ ବୃଷ ଓ ସାତ ମେଷ ନେଇ ଆମ୍ଭ ଦାସ ଆୟୁବ ନିକଟକୁ ଯାଅ ଓ ଆପଣାମାନଙ୍କ ନିମନ୍ତେ ହୋମବଳି ରୂପେ ତାହା ଉତ୍ସର୍ଗ କର, ତହିଁରେ ଆମ୍ଭ ଦାସ ଆୟୁବ ତୁମ୍ଭମାନଙ୍କ ନିମନ୍ତେ ପ୍ରାର୍ଥନା କରିବ; କାରଣ ଆମ୍ଭେ ତାହାକୁ ଗ୍ରାହ୍ୟ କରି ତୁମ୍ଭମାନଙ୍କ ମୂର୍ଖତା ପ୍ରମାଣେ ତୁମ୍ଭମାନଙ୍କ ପ୍ରତି ବ୍ୟବହାର କରିବା ନାହିଁ; ଯେହେତୁ ତୁମ୍ଭେମାନେ ଆମ୍ଭ ଦାସ ଆୟୁବ ପରି ଆମ୍ଭ ବିଷୟରେ ଯଥାର୍ଥ କଥା କହି ନାହଁ ।"
\v 9 ତହିଁରେ ତୈମନୀୟ ଇଲୀଫସ୍‍ ଓ ଶୂହୀୟ ବିଲ୍‍ଦଦ୍‍ ଓ ନାମାଥୀୟ ସୋଫର ଯାଇ ସେମାନଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞା ପ୍ରମାଣେ କର୍ମ କଲେ; ପୁଣି, ସଦାପ୍ରଭୁ ଆୟୁବକୁ ଗ୍ରାହ୍ୟ କଲେ ।
\s ଆୟୁବଙ୍କୁ ପରମେଶ୍ୱରଙ୍କ ପୁନଃସ୍ଥାପନ
\p
\s5
\v 10 ପୁଣି, ଆୟୁବ ଆପଣା ମିତ୍ରମାନଙ୍କ ପାଇଁ ପ୍ରାର୍ଥନା କରନ୍ତେ, ସଦାପ୍ରଭୁ ତାହାର ବନ୍ଦୀ ଅବସ୍ଥା ପରିବର୍ତ୍ତନ କଲେ; ପୁଣି, ସଦାପ୍ରଭୁ ଆୟୁବକୁ ତାହାର ପୂର୍ବ ସମ୍ପଦର ଦ୍ୱିଗୁଣ ପ୍ରଦାନ କଲେ ।
\v 11 ତହିଁରେ ଆୟୁବର ସମସ୍ତ ଭ୍ରାତା ଓ ସମସ୍ତ ଭଗିନୀ ଓ ତାହାର ପୂର୍ବ ପରିଚିତ ସମସ୍ତେ ତାହା ନିକଟକୁ ଆସି ତାହାର ଗୃହରେ ତାହା ସଙ୍ଗେ ଭୋଜନ କଲେ; ଆଉ, ସଦାପ୍ରଭୁ ତାହା ଉପରେ ଯେସବୁ ବିପଦ ଘଟାଇଥିଲେ, ତହିଁ ସକାଶୁ ସେମାନେ ଦୁଃଖ ପ୍ରକାଶ କରି ତାହାକୁ ସାନ୍ତ୍ୱନା କଲେ; ମଧ୍ୟ ପ୍ରତ୍ୟେକ ଲୋକ ଏକ ଏକ କସୀତା ମୁଦ୍ରା ଓ ପ୍ରତ୍ୟେକେ ଏକ ଏକ ସୁବର୍ଣ୍ଣ ମୁଦ୍ରିକା ଦେଲେ ।
\s5
\v 12 ଏହିରୂପେ ସଦାପ୍ରଭୁ ଆୟୁବର ଆଦ୍ୟ ଅବସ୍ଥା ଅପେକ୍ଷା ଶେଷ ଅବସ୍ଥାକୁ ଅଧିକ ଆଶୀର୍ବାଦଯୁକ୍ତ କଲେ; ତହିଁରେ ତାହାର ଚଉଦ ହଜାର ମେଷ ଓ ଛଅ ହଜାର ଉଷ୍ଟ୍ର ଓ ଏକ ହଜାର ହଳ ବଳଦ ଓ ଏକ ହଜାର ଗର୍ଦ୍ଦଭୀ ହେଲେ ।
\v 13 ମଧ୍ୟ ତାହାର ସାତ ପୁତ୍ର ଓ ତିନି କନ୍ୟା ଜନ୍ମିଲେ ।
\v 14 ପୁଣି, ସେ ପ୍ରଥମ କନ୍ୟାର ନାମ ଯିମୀମା ଓ ଦ୍ୱିତୀୟାର ନାମ କତ୍‍ସୀୟା ଓ ତୃତୀୟାର ନାମ କେରଣ-ହପ୍‍ପୁକ୍‍ ଦେଲା ।
\s5
\v 15 ଦେଶଯାକରେ କୌଣସି ସ୍ତ୍ରୀ ଆୟୁବର କନ୍ୟାମାନଙ୍କ ପରି ରୂପବତୀ ନ ଥିଲେ; ଆଉ, ସେମାନଙ୍କ ପିତା ସେମାନଙ୍କ ଭ୍ରାତୃଗଣ ମଧ୍ୟରେ ସେମାନଙ୍କୁ ଅଧିକାର ଦେଲା ।
\v 16 ପୁଣି, ଏଥିଉତ୍ତାରେ ଆୟୁବ ଏକ ଶହ ଚାଳିଶ ବର୍ଷ ବଞ୍ଚି ଚାରି ପୁରୁଷଯାଏ ଆପଣାର ପୁତ୍ରପୌତ୍ରମାନଙ୍କୁ ଦେଖିଲା ।
\v 17 ଏହିରୂପେ ଆୟୁବ ବୃଦ୍ଧ ଓ ପୂର୍ଣ୍ଣାୟୁ ହୋଇ ପ୍ରାଣତ୍ୟାଗ କଲା ।

1483
20-PRO.usfm Normal file
View File

@ -0,0 +1,1483 @@
\id PRO
\ide UTF-8
\sts - Odia Old Version Revision
\rem Copyright Information: Creative Commons Attribution- ShareAlike 4.0 License
\h ହିତୋପଦେଶ
\toc1 ହିତୋପଦେଶ
\toc2 ହିତୋପଦେଶ
\toc3 pro
\mt1 ହିତୋପଦେଶ
\s5
\c 1
\s ହିତୋପଦେଶର ଉପାଦେୟତା
\p
\v 1 ଦାଉଦଙ୍କ ପୁତ୍ର ଇସ୍ରାଏଲର ରାଜା ଶଲୋମନଙ୍କ ହିତୋପଦେଶ;
\v 2 ଜ୍ଞାନ ଓ ଉପଦେଶ ବୁଝିବାକୁ; ଜ୍ଞାନଜନକ ବାକ୍ୟ ବିବେଚନା କରିବାକୁ;
\v 3 ସୁଆଚରଣ, ସାଧୁତା ଓ ସୁବିବେଚନା ଏବଂ ନ୍ୟାୟ ବିଷୟରେ ଉପଦେଶ ଗ୍ରହଣ କରିବାକୁ;
\s5
\v 4 ସରଳ ଲୋକଙ୍କୁ ସତର୍କତା ଓ ଯୁବା ଲୋକକୁ ବିଦ୍ୟା ଓ ପରିଣାମଦର୍ଶିତା ଦେବାକୁ;
\v 5 ଯେପରି ଜ୍ଞାନବାନ୍ ଲୋକ (ତାହା) ଶୁଣି ପାଣ୍ଡିତ୍ୟରେ ବୃଦ୍ଧି ପାଇବ ଏବଂ ବୁଦ୍ଧିମାନ୍ ଲୋକ ହିତଜନକ ପରାମର୍ଶ ପ୍ରାପ୍ତ ହେବ;
\v 6 ପୁଣି, ଏକ ଉପଦେଶ କଥା ଓ ଏକ ରୂପକ କଥା ଏବଂ ପଣ୍ଡିତମାନଙ୍କର ବାକ୍ୟ ଓ ସେମାନଙ୍କର ଗୂଢ଼ ବଚନ ବୁଝି ପାରିବ ।
\s ଯୁବ ସମାଜକୁ ଉପଦେଶ
\p
\s5
\v 7 ସଦାପ୍ରଭୁଙ୍କ ବିଷୟକ ଭୟ ଜ୍ଞାନର ଆରମ୍ଭ; ମାତ୍ର ନିର୍ବୋଧ ଲୋକେ ଜ୍ଞାନ ଓ ଉପଦେଶ ତୁଚ୍ଛ ବୋଧ କରନ୍ତି ।
\v 8 ହେ ମୋହର ପୁତ୍ର, ତୁମ୍ଭ ପିତାର ଉପଦେଶ ଶୁଣ ଓ ତୁମ୍ଭ ମାତାର ଆଦେଶ ପରିତ୍ୟାଗ କର ନାହିଁ ।
\v 9 ଯେହେତୁ ତାହା ତୁମ୍ଭର ଅନୁଗ୍ରହଜନକ ଶିରୋଭୂଷଣ ଓ ଗଳଦେଶର ହାର ସ୍ୱରୂପ ହେବ ।
\s5
\v 10 ହେ ମୋହର ପୁତ୍ର, ପାପୀଗଣ ତୁମ୍ଭକୁ ଫୁସୁଲାଇଲେ, ତୁମ୍ଭେ ସମ୍ମତ ହୁଅ ନାହିଁ ।
\v 11 ସେମାନେ ଯଦି କହନ୍ତି, ଆମ୍ଭମାନଙ୍କ ସହିତ ଆସ, ଆମ୍ଭେମାନେ ରକ୍ତପାତ କରିବାକୁ ଛକି ବସୁ, ନିର୍ଦ୍ଦୋଷମାନଙ୍କୁ ଅକାରଣରେ ଧରିବାକୁ ଗୁପ୍ତରେ ଲୁଚି ରହୁ;
\s5
\v 12 ପାତାଳର ନ୍ୟାୟ ଆମ୍ଭେମାନେ ସେମାନଙ୍କୁ ଜୀଅନ୍ତା ଗ୍ରାସ କରୁ ଓ ଗର୍ତ୍ତପତିତ ଲୋକ ପରି ସେମାନଙ୍କୁ ସର୍ବତୋଭାବେ ଗ୍ରାସ କରୁ;
\v 13 ତହିଁରେ ଆମ୍ଭେମାନେ ସର୍ବପ୍ରକାର ବହୁମୂଲ୍ୟ ଧନ ପାଇବା, ଲୁଟିତ ଦ୍ରବ୍ୟରେ ଆପଣା ଆପଣା ଗୃହ ପରିପୂର୍ଣ୍ଣ କରିବା,
\v 14 ତୁମ୍ଭେ ଆମ୍ଭମାନଙ୍କ ମଧ୍ୟରେ ଅଂଶୀ ହେବ; ଆମ୍ଭ ସମସ୍ତଙ୍କର ଏକତୋଡ଼ା ହେବ;
\s5
\v 15 ହେ ମୋହର ପୁତ୍ର, ତୁମ୍ଭେ ସେମାନଙ୍କ ସଙ୍ଗେ ସେହି ପଥରେ ଚାଲ ନାହିଁ, ସେମାନଙ୍କ ପଥରୁ ଆପଣା ପାଦ ଅଟକାଅ;
\v 16 ଯେହେତୁ ସେମାନଙ୍କ ଚରଣ କୁକ୍ରିୟା କରିବାକୁ ଦୌଡ଼େ ଓ ରକ୍ତପାତ କରିବାକୁ ଶୀଘ୍ର ଧାଇଁ ଯାଏ ।
\v 17 କୌଣସି ପକ୍ଷୀର ଆଖି ଆଗରେ ଜାଲ ପାତିବା ନିତାନ୍ତ ବ୍ୟର୍ଥ ହୁଏ ।
\s5
\v 18 ସେମାନେ ନିଜ ନିଜର ରକ୍ତପାତ କରିବାକୁ ଛକି ବସନ୍ତି ଓ ଆପଣାମାନଙ୍କ ପ୍ରାଣକୁ (ଧରିବା ପାଇଁ) ଗୁପ୍ତରେ ଲୁଚି ରହନ୍ତି ।
\v 19 ସମସ୍ତ ଧନଲୋଭୀର ଗତି ଏହି; ତାହା ଧନର ଅଧିକାରୀମାନଙ୍କର ପ୍ରାଣ ନାଶ କରେ ।
\s ଜ୍ଞାନର ଆହ୍ୱାନ
\p
\s5
\v 20 ଜ୍ଞାନ ରାସ୍ତାରେ ଉଚ୍ଚସ୍ୱରରେ ଡାକେ; ସେ ଛକ ସ୍ଥାନମାନଙ୍କରେ ଆପଣା ରବ ଶୁଣାଏ;
\v 21 ସେ ଲୋକମାନଙ୍କର ପ୍ରଧାନ ସ୍ଥାନରେ ଡାକେ; ନଗର ଦ୍ୱାରର ପ୍ରବେଶ ସ୍ଥାନରେ ଓ ନଗର ମଧ୍ୟରେ ଆପଣା ବାକ୍ୟ ଉଚ୍ଚାରଣ କରି କହେ;
\v 22 ହେ ନିର୍ବୋଧ ଲୋକମାନେ, କେତେ କାଳ ମୂର୍ଖତାକୁ ଭଲ ପାଇବ ? ହେ ନିନ୍ଦୁକମାନେ, ଆଉ କେତେ କାଳ ନିନ୍ଦାରେ ସନ୍ତୁଷ୍ଟ ଥିବ ? ହେ ମୂର୍ଖମାନେ, ଆଉ କେତେ କାଳ ବିଦ୍ୟାକୁ ଘୃଣା କରିବ ?
\s5
\v 23 ମୋ' ଅନୁଯୋଗରେ ମନ ଫେରାଅ; ଦେଖ, ମୁଁ ତୁମ୍ଭମାନଙ୍କ ଉପରେ ଆପଣା ଆତ୍ମା ଢାଳି ଦେବି, ମୁଁ ଆପଣା ବାକ୍ୟସବୁ ତୁମ୍ଭମାନଙ୍କୁ ଜଣାଇବି ।
\v 24 ଯେହେତୁ ମୁଁ ଡାକିଲି, ପୁଣି, ତୁମ୍ଭେମାନେ ମନା କଲ; ମୁଁ ହସ୍ତ ବିସ୍ତାର କଲି, କେହି ମାନ୍ୟ କଲା ନାହିଁ;
\v 25 ମାତ୍ର ତୁମ୍ଭେମାନେ ମୋହର ସମସ୍ତ ଉପଦେଶ ତୁଚ୍ଛଜ୍ଞାନ କଲ, ପୁଣି ମୋହର କୌଣସି ଅନୁଯୋଗକୁ ଚାହିଁଲ ନାହିଁ;
\s5
\v 26 ଏହେତୁ ମୁଁ ମଧ୍ୟ ତୁମ୍ଭମାନଙ୍କ ବିପଦ ବେଳେ ହସିବି, ତୁମ୍ଭମାନଙ୍କର ଆଶଙ୍କା ଉପସ୍ଥିତ ହେବା ସମୟରେ ମୁଁ ପରିହାସ କରିବି ।
\v 27 ଯେତେବେଳେ ପ୍ରଚଣ୍ଡ ଝଡ଼ ପରି ତୁମ୍ଭମାନଙ୍କର ଆଶଙ୍କା ଉପସ୍ଥିତ ହେବ ଓ ଘୂର୍ଣ୍ଣିବାୟୁ ପରି ତୁମ୍ଭମାନଙ୍କର ବିପଦ ଆସିବ; ଯେତେବେଳେ କ୍ଳେଶ ଓ ବେଦନା ତୁମ୍ଭମାନଙ୍କ ପ୍ରତି ଘଟିବ;
\s5
\v 28 ସେତେବେଳେ ସେମାନେ ମୋତେ ଡାକ ପକାଇବେ, ମାତ୍ର ମୁଁ ଉତ୍ତର ଦେବି ନାହିଁ; ସେମାନେ ଅତି ଯତ୍ନରେ ମୋହର ଅନ୍ୱେଷଣ କରିବେ, ମାତ୍ର ମୋହର ଉଦ୍ଦେଶ୍ୟ ପାଇବେ ନାହିଁ ।
\v 29 କାରଣ ସେମାନେ ବିଦ୍ୟାକୁ ଘୃଣା କଲେ ଓ ସଦାପ୍ରଭୁଙ୍କ ବିଷୟକ ଭୟ ମନୋନୀତ କଲେ ନାହିଁ;
\v 30 ସେମାନେ ମୋହର କୌଣସି ଉପଦେଶ ଗ୍ରହଣ କଲେ ନାହିଁ ଓ ମୋହର ସମସ୍ତ ଅନୁଯୋଗ ହେୟ ଜ୍ଞାନ କଲେ ।
\s5
\v 31 ଏଥିପାଇଁ ସେମାନେ ଆପଣା ଆପଣା କର୍ମର ପ୍ରତିଫଳ ଭୋଗିବେ ଓ ଆପଣା ଆପଣା କୁପରାମର୍ଶର ସମ୍ପୂର୍ଣ୍ଣ ଫଳ ଭୋଗ କରିବେ ।
\v 32 ହଁ, ନିର୍ବୋଧମାନଙ୍କର ବିପଥ-ଗମନ ସେମାନଙ୍କୁ ବିନାଶ କରିବ ଓ ଅଜ୍ଞାନମାନଙ୍କର ଆତ୍ମତୃପ୍ତି ସେମାନଙ୍କୁ ସଂହାର କରିବ ।
\v 33 ମାତ୍ର ଯେଉଁ ଲୋକ ମୋହର କଥା ଶୁଣେ, ସେ ନିରାପଦରେ ବାସ କରିବ ଓ ଅମଙ୍ଗଳର ଆଶଙ୍କା ବିନା ବିଶ୍ରାମ ପାଇବ ।
\s5
\c 2
\s ଜ୍ଞାନର ପୁରସ୍କାର
\p
\v 1 ହେ ମୋହର ପୁତ୍ର, ତୁମ୍ଭେ ଯଦି ମୋ' କଥା ଗ୍ରହଣ କର ଓ ମୋ' ଆଜ୍ଞାସବୁ ମନରେ ରଖ;
\v 2 ଯଦି ଜ୍ଞାନ ଆଡ଼କୁ ତୁମ୍ଭ କର୍ଣ୍ଣ ଡେର ଓ ବୁଦ୍ଧିରେ ମନୋନିବେଶ କର;
\s5
\v 3 ହଁ, ଯଦି ତୁମ୍ଭେ ସୁବିବେଚନା ପ୍ରତି ଡାକ ପକାଅ ଓ ବୁଦ୍ଧି ନିମନ୍ତେ ଉଚ୍ଚସ୍ୱର କର;
\v 4 ଯଦି ରୂପା ନ୍ୟାୟ ତାକୁ ଖୋଜ ଓ ପୋତା-ଧନ ପରି ତାହାର ଅନ୍ୱେଷଣ କର;
\v 5 ତେବେ ତୁମ୍ଭେ ସଦାପ୍ରଭୁଙ୍କ ବିଷୟକ ଭୟ ବୁଝିବ ଓ ପରମେଶ୍ୱରଙ୍କ ବିଷୟକ ତତ୍ତ୍ୱଜ୍ଞାନ ପାଇବ ।
\s5
\v 6 ଯେହେତୁ ସଦାପ୍ରଭୁ ଜ୍ଞାନ ଦିଅନ୍ତି, ତାହାଙ୍କ ମୁଖରୁ ଜ୍ଞାନ ଓ ବୁଦ୍ଧି ନିର୍ଗତ ହୁଏ ।
\v 7 ସେ ସତ୍‍ ଲୋକଙ୍କ ନିମନ୍ତେ ତତ୍ତ୍ୱଜ୍ଞାନ ସଞ୍ଚୟ କରନ୍ତି, ସେ ସରଳାଚାରୀମାନଙ୍କର ଢାଲ ସ୍ୱରୂପ ଅଟନ୍ତି ।
\v 8 ଯେପରିକି ସେ ନ୍ୟାୟର ପଥ ରକ୍ଷା କରି ପାରିବେ ଓ ଆପଣା ସାଧୁମାନଙ୍କ ଗତି ସମ୍ଭାଳିବେ ।
\s5
\v 9 ତହୁଁ ତୁମ୍ଭେ ଧାର୍ମିକତା, ସୁବିଚାର, ନ୍ୟାୟ ଓ ମଙ୍ଗଳର ସମସ୍ତ ପଥ ଜାଣିବ ।
\v 10 କାରଣ ଜ୍ଞାନ ତୁମ୍ଭ ହୃଦୟରେ ପ୍ରବେଶ କରିବ, ପୁଣି, ବିଦ୍ୟା ତୁମ୍ଭ ପ୍ରାଣର ତୁଷ୍ଟିକର ହେବ;
\s5
\v 11 ପରିଣାମଦର୍ଶିତା ତୁମ୍ଭ ଉପରେ ପ୍ରହରୀ ହେବ, ବୁଦ୍ଧି ତୁମ୍ଭକୁ ରକ୍ଷା କରିବ ।
\v 12 ତହିଁରେ ଯେଉଁମାନେ ଅବାଧ୍ୟ କଥା କହନ୍ତି,
\v 13 ଯେଉଁମାନେ ଅନ୍ଧକାରମୟ ପଥରେ ଗତାୟାତ କରିବା ନିମନ୍ତେ ସରଳ ମାର୍ଗ ପରିତ୍ୟାଗ କରନ୍ତି;
\s5
\v 14 ଯେଉଁମାନେ କୁକ୍ରିୟା କରିବାକୁ ହୃଷ୍ଟ ଓ ଦୁଷ୍ଟମାନଙ୍କ ଅବାଧ୍ୟତାରେ ଅନୁରକ୍ତ;
\v 15 ଯେଉଁମାନେ ଆପଣା ଆପଣା ମାର୍ଗରେ କୁଟିଳ ଓ ଆପଣା ଆପଣା ପଥରେ ବକ୍ରଗାମୀ, ଏପରି କୁକର୍ମକାରୀମାନଙ୍କ ପଥରୁ ତୁମ୍ଭର ଉଦ୍ଧାର ହେବ ।
\s5
\v 16 ଆଉ, ଯେଉଁ ପରସ୍ତ୍ରୀ ଚାଟୁବାଦିନୀ, ଯେ ଆପଣା ଯୌବନକାଳର ମିତ୍ରକୁ ତ୍ୟାଗ କରି ଆପଣା ପରମେଶ୍ୱରଙ୍କ ନିୟମ ପାସୋରେ
\v 17 ଯାହାର ଗୃହ ମୃତ୍ୟୁ ଆଡ଼େ
\s5
\v 18 ଓ ଯାହାର ପଥ ପରଲୋକ ଆଡ଼େ ଯାଏ, ଯାହା ନିକଟକୁ ଗମନ କଲେ କେହି ଫେରି ଆସେ ନାହିଁ ଓ ଜୀବନର ପଥ ଆଉ ଧରେ ନାହିଁ,
\v 19 ଏପରି ପରକୀୟା ସ୍ତ୍ରୀଠାରୁ ତୁମ୍ଭର ଉଦ୍ଧାର ହେବ ।
\s5
\v 20 ଏନିମନ୍ତେ ତୁମ୍ଭେ ସତ୍‍ଲୋକମାନଙ୍କ ମାର୍ଗରେ ଗମନ କର ଓ ଧାର୍ମିକମାନଙ୍କ ପଥ ଅବଲମ୍ବନ କର,
\v 21 ଯେହେତୁ ସରଳ ଲୋକମାନେ ଦେଶରେ ବାସ କରିବେ, ପୁଣି, ସାଧୁମାନେ ତହିଁରେ ସୁସ୍ଥିର ରହିବେ ।
\v 22 ମାତ୍ର ଦୁଷ୍ଟଗଣ ଦେଶରୁ ଉଚ୍ଛିନ୍ନ ହେବେ ଓ ବିଶ୍ୱାସଘାତକମାନେ ତହିଁରୁ ଉତ୍ପାଟିତ ହେବେ ।
\s5
\c 3
\s ଯୁବକମାନଙ୍କୁ ଉପଦେଶ
\p
\v 1 ହେ ମୋହର ପୁତ୍ର, ତୁମ୍ଭେ ମୋହର ବ୍ୟବସ୍ଥା ପାସୋର ନାହିଁ; ମାତ୍ର ତୁମ୍ଭର ହୃଦୟ ମୋହର ଆଜ୍ଞାସବୁ ପାଳନ କରୁ ।
\v 2 ଯେହେତୁ ତଦ୍ଦ୍ୱାରା ପରମାୟୁର ଦୀର୍ଘତା ଓ ଜୀବନର ବର୍ଷ ସଂଖ୍ୟା ଓ ଶାନ୍ତି ବୃଦ୍ଧି ହେବ ।
\s5
\v 3 ଦୟା ଓ ସତ୍ୟତା ତୁମ୍ଭକୁ ପରିତ୍ୟାଗ ନ କରୁ; ଆପଣା କଣ୍ଠରେ ଉଭୟକୁ ବାନ୍ଧ ଓ ଆପଣା ଚିତ୍ତରୂପ ପଟାରେ ଲେଖି ରଖ ।
\v 4 ତାହା କଲେ, ତୁମ୍ଭେ ପରମେଶ୍ୱର ଓ ମନୁଷ୍ୟ ଦୃଷ୍ଟିରେ ଅନୁଗ୍ରହ ଓ ସୁବିବେଚନା ଲାଭ କରିବ ।
\s5
\v 5 ତୁମ୍ଭେ ସର୍ବାନ୍ତଃକରଣ ସହିତ ସଦାପ୍ରଭୁଙ୍କଠାରେ ବିଶ୍ୱାସ କର ଓ ନିଜ ସୁବିବେଚନାରେ ଆଉଜି ପଡ଼ ନାହିଁ ।
\v 6 ଆପଣାର ସବୁ ଗତିରେ ତାହାଙ୍କୁ ସ୍ୱୀକାର କର; ତହିଁରେ ସେ ତୁମ୍ଭର ପଥସବୁ ସରଳ କରିବେ ।
\s5
\v 7 ତୁମ୍ଭେ ଆପଣା ଦୃଷ୍ଟିରେ ଜ୍ଞାନବାନ୍୍ ହୁଅ ନାହିଁ; ସଦାପ୍ରଭୁଙ୍କୁ ଭୟ କର ଓ ମନ୍ଦତାରୁ ବିମୁଖ ହୁଅ ।
\v 8 ତାହା ତୁମ୍ଭ ନାଭିଦେଶର ସ୍ୱାସ୍ଥ୍ୟ ଓ ଅସ୍ଥିର ମଜ୍ଜା ହେବ ।
\s5
\v 9 ତୁମ୍ଭେ ଆପଣା ଧନରେ ଓ ସମସ୍ତ ଆୟର ପ୍ରଥମ ଫଳରେ ସଦାପ୍ରଭୁଙ୍କର ସମାଦର କର ।
\v 10 ତହିଁରେ ତୁମ୍ଭର ଭଣ୍ଡାର ବହୁ ଧନରେ ପରିପୂର୍ଣ୍ଣ ହେବ ଓ ତୁମ୍ଭ କୁଣ୍ଡରେ ନୂତନ ଦ୍ରାକ୍ଷାରସ ଉଛୁଳି ପଡ଼ିବ ।
\s5
\v 11 ହେ ମୋହର ପୁତ୍ର, ସଦାପ୍ରଭୁଙ୍କ ଅନୁଯୋଗ ତୁଚ୍ଛ କର ନାହିଁ ଓ ତାହାଙ୍କ ଶାସନରେ କ୍ଳାନ୍ତ ହୁଅ ନାହିଁ ।
\v 12 କାରଣ ଯେପରି ପିତା ଆପଣା ସନ୍ତୋଷ ପାତ୍ର ପୁତ୍ରକୁ, ସେପରି ସଦାପ୍ରଭୁ ଆପଣା ପ୍ରେମପାତ୍ରକୁ ଶାସନ କରନ୍ତି ।
\s5
\v 13 ଯେଉଁ ଲୋକ ଜ୍ଞାନ ପାଏ ଓ ବୁଦ୍ଧି ଲାଭ କରେ, ସେ ଧନ୍ୟ ।
\v 14 ଯେହେତୁ ରୂପାର ବାଣିଜ୍ୟଠାରୁ ତାହାର ବାଣିଜ୍ୟ ଉତ୍ତମ, ପୁଣି ଶୁଦ୍ଧ ସୁବର୍ଣ୍ଣଠାରୁ ତାହାର ଲାଭ ଶ୍ରେଷ୍ଠ ।
\s5
\v 15 ତାହା ମୁକ୍ତାଠାରୁ ଅଧିକ ମୂଲ୍ୟବାନ, ପୁଣି ତୁମ୍ଭର କୌଣସି ଇଷ୍ଟବସ୍ତୁ ତାହାର ତୁଲ୍ୟ ହେବାକୁ ଯୋଗ୍ୟ ନୁହେଁ ।
\v 16 ତାହାର ଡାହାଣ ହସ୍ତରେ ଦୀର୍ଘାୟୁ, ତାହାର ବାମ ହସ୍ତରେ ଧନ ଓ ସମ୍ମାନ ଥାଏ ।
\s5
\v 17 ତାହାର ପଥସବୁ ସୁଖଦାୟକ ପଥ ଓ ତାହାର ସମସ୍ତ ମାର୍ଗ ଶାନ୍ତିକର ଅଟେ ।
\v 18 ଯେଉଁମାନେ ତାହାର ଆଶ୍ରୟ ନିଅନ୍ତି, ସେମାନଙ୍କ ପ୍ରତି ସେ ଜୀବନଦାୟକ ବୃକ୍ଷ ସ୍ୱରୂପ; ଯେଉଁ ଲୋକ ତାହା ଧରି ରଖେ, ସେ ଧନ୍ୟ ।
\s5
\v 19 ସଦାପ୍ରଭୁ ଜ୍ଞାନରେ ପୃଥିବୀ ସ୍ଥାପନ କଲେ, ସେ ବୁଦ୍ଧିରେ ଆକାଶମଣ୍ଡଳ ସୁସ୍ଥିର କଲେ ।
\v 20 ତାହାଙ୍କ ଜ୍ଞାନରେ ଗଭୀର ସ୍ଥାନରୁ ଜଳ ଉଛୁଳି ଉଠେ, ପୁଣି, ମେଘରୁ କାକର ଟୋପା ଟୋପା ପଡ଼େ ।
\s5
\v 21 ହେ ମୋହର ପୁତ୍ର, ଏହିସବୁ ତୁମ୍ଭ ଦୃଷ୍ଟିଗୋଚରରୁ ନ ଯାଉ, ତୁମ୍ଭେ ତତ୍ତ୍ୱଜ୍ଞାନ ଓ ପରିଣାମଦର୍ଶିତା ରକ୍ଷା କର ।
\v 22 ତାହା ତୁମ୍ଭ ପ୍ରାଣର ଜୀବନ ଓ କଣ୍ଠର ଭୂଷଣ ହେବ ।
\s5
\v 23 ତେବେ ତୁମ୍ଭେ ଆପଣା ପଥରେ ନିର୍ଭୟରେ ଚାଲିବ, ପୁଣି, ତୁମ୍ଭର ଚରଣ ଝୁଣ୍ଟିବ ନାହିଁ ।
\v 24 ଶୟନ କାଳରେ ତୁମ୍ଭର ଆଶଙ୍କା ହେବ ନାହିଁ, ହଁ, ତୁମ୍ଭେ ଶୟନ କରିବ ଓ ତୁମ୍ଭର ନିଦ୍ରା ସୁଖଜନକ ହେବ ।
\s5
\v 25 ହଠାତ୍‍ ଉତ୍ପନ୍ନ ଆଶଙ୍କାକୁ କିଅବା ଦୁଷ୍ଟମାନଙ୍କ ଉପସ୍ଥିତ ବିନାଶକୁ ଭୟ କର ନାହିଁ ।
\v 26 ଯେହେତୁ ସଦାପ୍ରଭୁ ତୁମ୍ଭର ବିଶ୍ୱାସଭୂମି ହେବେ, ସେ ତୁମ୍ଭର ପାଦ ଫାନ୍ଦରୁ ରକ୍ଷା କରିବେ ।
\s5
\v 27 ଉପକାର କରିବାର ସାମର୍ଥ୍ୟ ତୁମ୍ଭ ହସ୍ତରେ ଥିଲେ, ଉଚିତ ଦାନପାତ୍ରମାନଙ୍କୁ ମନା କର ନାହିଁ ।
\v 28 ଆପଣା ନିକଟରେ ଦ୍ରବ୍ୟ ଥିଲେ, "ଯାଅ, ପୁନର୍ବାର ଆସ, ଆମ୍ଭେ କାଲି ଦେବା" ଏହା ତୁମ୍ଭ ପ୍ରତିବାସୀକୁ କୁହ ନାହିଁ ।
\s5
\v 29 ତୁମ୍ଭ ପ୍ରତିବାସୀ ତୁମ୍ଭ ନିକଟରେ ନିର୍ଭୟରେ ବାସ କରିବାରୁ ତାହାର ବିରୁଦ୍ଧରେ ଅନିଷ୍ଟ ଚିନ୍ତା କର ନାହିଁ ।
\v 30 ମନୁଷ୍ୟ ତୁମ୍ଭର କ୍ଷତି ନ କଲେ, ଅକାରଣରେ ତାହା ସହିତ ବିରୋଧ କର ନାହିଁ ।
\s5
\v 31 ଉପଦ୍ରବୀ ପ୍ରତି ଈର୍ଷା କର ନାହିଁ, ପୁଣି, ତାହାର କୌଣସି ପଥ ମନୋନୀତ କର ନାହିଁ ।
\v 32 କାରଣ ଖଳ ଲୋକ ସଦାପ୍ରଭୁଙ୍କର ଘୃଣାପାତ୍ର; ମାତ୍ର ସରଳାଚାରୀମାନଙ୍କ ସଙ୍ଗେ ତାହାଙ୍କର ମିତ୍ରାଳାପ ଥାଏ ।
\s5
\v 33 ପାପୀମାନଙ୍କ ଗୃହରେ ସଦାପ୍ରଭୁଙ୍କର ଅଭିଶାପ ଥାଏ, ମାତ୍ର ସେ ଧାର୍ମିକମାନଙ୍କ ନିବାସକୁ ଆଶୀର୍ବାଦ କରନ୍ତି ।
\v 34 ଯଦ୍ୟପି ସେ ନିନ୍ଦକମାନଙ୍କୁ ନିନ୍ଦା କରନ୍ତି, ତଥାପି ସେ ନମ୍ର ଲୋକମାନଙ୍କୁ ଅନୁଗ୍ରହ ପ୍ରଦାନ କରନ୍ତି ।
\s5
\v 35 ଜ୍ଞାନବାନ୍୍ ଲୋକେ ସମ୍ମାନର ଅଧିକାରୀ ହେବେ, ମାତ୍ର ଲଜ୍ଜା ଅଜ୍ଞାନମାନଙ୍କ ଉନ୍ନତି ହେବ ।
\s5
\c 4
\s ଜ୍ଞାନର ଉପକାରିତା
\p
\v 1 ହେ ମୋହର ପୁତ୍ରଗଣ, ପିତାର ଉପଦେଶ ଶୁଣ ଓ ସୁବିବେଚନାଦାୟକ ଜ୍ଞାନରେ ମନୋଯୋଗ କର ।
\v 2 ଯେହେତୁ ମୁଁ ତୁମ୍ଭମାନଙ୍କୁ ଉତ୍ତମ ଶିକ୍ଷା ଦେଉଅଛି, ମୋହର ଆଦେଶ ପରିତ୍ୟାଗ କର ନାହିଁ ।
\s5
\v 3 ମୁଁ ଆପଣା ପିତାଙ୍କର ପୁଅଟିଏ ଥିଲି, ପୁଣି, ମାତାଙ୍କ ଦୃଷ୍ଟିରେ କୋମଳ ଓ ଏକମାତ୍ର ପ୍ରିୟ ଥିଲି ।
\v 4 ପିତା ମୋତେ ଶିକ୍ଷା ଦେଇ କହିଲେ, "ତୁମ୍ଭ ମନରେ ମୋହର କଥାସବୁ ରଖ, ପୁଣି ମୋହର ଆଜ୍ଞାସବୁ ପାଳନ କର ତହିଁରେ ତୁମ୍ଭେ ବଞ୍ଚିବ ।"
\s5
\v 5 ଜ୍ଞାନ ଅର୍ଜ୍ଜନ କର, ସୁବିବେଚନା ଲାଭ କର, ତାହା ଭୁଲ ନାହିଁ; ପୁଣି, ମୋ' ମୁଖର ବାକ୍ୟରୁ ବିମୁଖ ହୁଅ ନାହିଁ ।
\v 6 ତାକୁ ପରିତ୍ୟାଗ କର ନାହିଁ; ତହିଁରେ ସେ ତୁମ୍ଭକୁ ପାଳନ କରିବ; ତାକୁ ସ୍ନେହ କର, ତହିଁରେ ସେ ତୁମ୍ଭକୁ ରକ୍ଷା କରିବ ।
\s5
\v 7 ଜ୍ଞାନ ସର୍ବଶ୍ରେଷ୍ଠ ବିଷୟ, ଏଣୁ ଜ୍ଞାନ ଲାଭ କର; ପୁଣି, ତୁମ୍ଭର ସବୁ ଲାଭ ମଧ୍ୟରେ ସୁବିବେଚନା ଲାଭ କର ।
\v 8 ତାହାକୁ ଶିରୋଧାର୍ଯ୍ୟ କର, ତହିଁରେ ସେ ତୁମ୍ଭକୁ ଉନ୍ନତ କରିବ; ତାହାକୁ ଆଲିଙ୍ଗନ କଲେ, ସେ ତୁମ୍ଭକୁ ସମ୍ଭ୍ରାନ୍ତ କରିବ ।
\v 9 ସେ ତୁମ୍ଭ ମସ୍ତକରେ ଅନୁଗ୍ରହରୂପ ଭୂଷଣ ଦେବ; ସେ ତୁମ୍ଭକୁ ଶୋଭାର ମୁକୁଟ ଅର୍ପଣ କରିବ ।"
\s5
\v 10 ହେ ମୋହର ପୁତ୍ର, ଶୁଣ, ମୋ' କଥା ଘେନ; ତହିଁରେ ତୁମ୍ଭ ଆୟୁର ବର୍ଷ ବହୁତ ହେବ ।
\v 11 ମୁଁ ତୁମ୍ଭକୁ ଜ୍ଞାନର ମାର୍ଗରେ ଶିକ୍ଷା ଦେଇଅଛି, ମୁଁ ସାଧୁତାର ପଥରେ ତୁମ୍ଭକୁ କଢ଼ାଇଅଛି ।
\v 12 ତୁମ୍ଭେ ଗମନ କରିବା ବେଳେ ତୁମ୍ଭର ପାଦ ସଙ୍କୁଚିତ ହେବ ନାହିଁ; ପୁଣି, ଦୌଡ଼ିବା ବେଳେ ତୁମ୍ଭେ ଝୁଣ୍ଟିବ ନାହିଁ ।
\s5
\v 13 ଉପଦେଶ ଦୃଢ଼ କରି ଧର; ତାକୁ ଛାଡ଼ି ଦିଅ ନାହିଁ; ତାକୁ ରଖ; କାରଣ ତାହା ତୁମ୍ଭର ଜୀବନ ।
\v 14 ପାପୀମାନଙ୍କ ପଥ ମଧ୍ୟରେ ପ୍ରବେଶ କର ନାହିଁ ଏବଂ ଦୁଷ୍ଟଲୋକମାନଙ୍କ ବାଟରେ ଚାଲ ନାହିଁ ।
\v 15 ତାହା ପରିତ୍ୟାଗ କର, ତହିଁର ନିକଟ ଦେଇ ଯାଅ ନାହିଁ; ତହିଁରୁ ବିମୁଖ ହୋଇ ଚାଲିଯାଅ ।
\s5
\v 16 ଯେହେତୁ କୁକ୍ରିୟା ନ କଲେ ସେମାନେ ଶୟନ କରନ୍ତି ନାହିଁ, ପୁଣି କାହାକୁ ପତିତ ନ କରାଇଲେ ସେମାନଙ୍କ ନିଦ୍ରା ଭାଙ୍ଗିଯାଏ ।
\v 17 ଯେହେତୁ ସେମାନେ ଦୁଷ୍ଟତାରୂପ ଅନ୍ନ ଭକ୍ଷଣ କରନ୍ତି; ପୁଣି, ଦୌରାତ୍ମ୍ୟରୂପ ଦ୍ରାକ୍ଷାରସ ପାନ କରନ୍ତି ।
\s5
\v 18 ମାତ୍ର ଧାର୍ମିକମାନଙ୍କ ପଥ ପ୍ରଭାତର ଆଲୁଅ ତୁଲ୍ୟ, ଯାହା ମଧ୍ୟାହ୍ନ ପର୍ଯ୍ୟନ୍ତ ଆହୁରି ଆହୁରି ତେଜସ୍କର ହୁଏ ।
\v 19 ପୁଣି, ଦୁଷ୍ଟମାନଙ୍କର ବାଟ ଅନ୍ଧକାର ତୁଲ୍ୟ; ସେମାନେ କାହିଁରେ ଝୁଣ୍ଟି ପଡ଼ନ୍ତି, ତାହା ଜାଣନ୍ତି ନାହିଁ ।
\s5
\v 20 ହେ ମୋହର ପୁତ୍ର, ମୋ' କଥାରେ ମନୋଯୋଗ କର; ମୋ' ବାକ୍ୟରେ କର୍ଣ୍ଣ ଡେର ।
\v 21 ତାହାସବୁ ତୁମ୍ଭ ଚକ୍ଷୁରୁ ନ ଯାଉ; ତାହାସବୁ ତୁମ୍ଭ ହୃଦୟ ମଧ୍ୟରେ ଯତ୍ନ କରି ରଖ ।
\s5
\v 22 ଯେହେତୁ ତାହା ଯେଉଁମାନେ ପାଆନ୍ତି, ସେମାନଙ୍କ ପ୍ରତି ତାହା ଜୀବନ ଓ ସର୍ବାଙ୍ଗର ସ୍ୱାସ୍ଥ୍ୟ ଅଟେ ।
\v 23 ତୁମ୍ଭ ହୃଦୟକୁ ଅତି ଯତ୍ନରେ ରଖ; ଯେହେତୁ ତହିଁରୁ ଜୀବନର ପ୍ରବାହ ଜନ୍ମେ ।
\s5
\v 24 ଆପଣାଠାରୁ କୁଟିଳ ମୁଖ ଦୂର କର ଓ ବକ୍ର ଓଷ୍ଠାଧର ବହୁ ଦୂରରେ ରଖ ।
\v 25 ତୁମ୍ଭ ଚକ୍ଷୁ ଆଗକୁ ଦୃଷ୍ଟି କରୁ ଓ ତୁମ୍ଭ ଚକ୍ଷୁର ପତା ତୁମ୍ଭ ସମ୍ମୁଖରେ ସଳଖ ଅନାଉ ।
\s5
\v 26 ତୁମ୍ଭେ ଆପଣା ପାଦ ସଳଖ କରି ପକାଅ ଓ ତୁମ୍ଭର ସବୁ ପଥ ସ୍ଥିରୀକୃତ ହେଉ ।
\v 27 ଡାହାଣ କି ବାମ ପାର୍ଶ୍ୱକୁ ଯାଅ ନାହିଁ, ପୁଣି ତୁମ୍ଭ ପାଦ ମନ୍ଦଠାରୁ ଦୂର କର ।
\s5
\c 5
\s ବ୍ୟଭିଚାର ବିରୁଦ୍ଧରେ ଚେତାବନୀ
\p
\v 1 ହେ ମୋହର ପୁତ୍ର, ମୋ' ଜ୍ଞାନରେ ମନ ଦିଅ; ମୋ' ବୁଦ୍ଧି ପ୍ରତି ତୁମ୍ଭ କାନ ଡେର;
\v 2 ଯେପରି ତୁମ୍ଭେ ପରିଣାମଦର୍ଶିତା ରକ୍ଷା କରି ପାରିବ ଓ ଯେପରି ତୁମ୍ଭ ଓଷ୍ଠାଧର ଜ୍ଞାନର କଥା ପାଳନ କରି ପାରିବ ।
\s5
\v 3 ଯେହେତୁ ପରସ୍ତ୍ରୀର ଓଷ୍ଠରୁ ଟୋପା ଟୋପା ମଧୁ କ୍ଷରେ, ତାହାର ମୁଖ ତୈଳ ଅପେକ୍ଷା ଅଧିକ ଚିକ୍କଣ ଅଟେ ।
\v 4 କିନ୍ତୁ ତାହାର ଶେଷ ଦଶା ନାଗଦଅଣା ନ୍ୟାୟ ପିତା, ଦ୍ୱିଧାର ଖଡ଼୍‍ଗ ତୁଲ୍ୟ ତୀକ୍ଷ୍‍ଣ ।
\s5
\v 5 ତାହାର ପାଦ ମୃତ୍ୟୁ ଆଡ଼କୁ ଓହ୍ଲାଇ ଯାଏ; ତାହାର ପାଦ ସିଧା କବରରେ ପଡ଼େ;
\v 6 ଏଣୁ ସେ ଜୀବନର ସମାନ ପଥ ପାଏ ନାହିଁ; ତାହାର ପଥସବୁ ଚଞ୍ଚଳ, ଆଉ ସେ ତାହା ଜାଣେ ନାହିଁ ।
\s5
\v 7 ଏହେତୁ ହେ ମୋହର ପୁତ୍ରମାନେ, ମୋ' କଥା ଶୁଣ ଏବଂ ମୋ' ମୁଖର ବାକ୍ୟରୁ ବିମୁଖ ହୁଅ ନାହିଁ ।
\v 8 ତାହା (ସେହି ସ୍ତ୍ରୀ) ଠାରୁ ଆପଣା ପଥ ଦୂରରେ ରଖ ଏବଂ ତାହାର ଗୃହର ଦ୍ୱାର ନିକଟକୁ ଯାଅ ନାହିଁ ।
\s5
\v 9 କେଜାଣି ତୁମ୍ଭେ ଅନ୍ୟମାନଙ୍କୁ ଆପଣା ଇଜ୍ଜତ ଓ ନିର୍ଦ୍ଦୟ ଲୋକଙ୍କୁ ଆପଣାର ପରମାୟୁ ଦେବ;
\v 10 କେଜାଣି ଅପରିଚିତ ଲୋକମାନେ ତୁମ୍ଭ ବଳରେ ପୂର୍ଣ୍ଣ ହେବେ ଏବଂ ତୁମ୍ଭ ଶ୍ରମର ଫଳ ବିଦେଶୀର ଗୃହରେ ଥୁଆ ଯିବ;
\s5
\v 11 ଆଉ ତୁମ୍ଭ ଶେଷ ଅବସ୍ଥାରେ ଯେତେବେଳେ ତୁମ୍ଭ ମାଂସ ଓ ଶରୀର କ୍ଷୟ ପାଏ, ତୁମ୍ଭେ କେଜାଣି ବିଳାପ କରିବ,
\v 12 ଆଉ କହିବ, ମୁଁ ଉପଦେଶ କିପରି ଘୃଣା କଲି ! ପୁଣି, ମୋହର ମନ ଅନୁଯୋଗକୁ କିପରି ତୁଚ୍ଛ କଲା !
\s5
\v 13 ମୁଁ ଆପଣା ଶିକ୍ଷକମାନଙ୍କ କଥା ମାନିଲି ନାହିଁ ଓ ଯେଉଁମାନେ ମୋତେ ଶିକ୍ଷା ଦେଲେ, ସେମାନଙ୍କ ବାକ୍ୟ ପ୍ରତି ଆପଣା କାନ ଡେରିଲି ନାହିଁ,
\v 14 ମୁଁ ସମାଜ ଓ ମଣ୍ଡଳୀ ମଧ୍ୟରେ ପ୍ରାୟ ସର୍ବପ୍ରକାର ଦୁର୍ଦ୍ଦଶାରେ ପଡ଼ିଲି ।
\s5
\v 15 ତୁମ୍ଭେ ନିଜ ଜଳାଶୟରୁ ଜଳ ପାନ କର ଓ ନିଜ କୂପରୁ ସ୍ରୋତଜଳ ପାନ କର ।
\v 16 ତୁମ୍ଭର ନିର୍ଝର କ'ଣ ବାହାରେ ଏଣେତେଣେ ବିସ୍ତାରିତ ହେବ ? ଓ ରାଜଦାଣ୍ଡରେ କ'ଣ ଜଳସ୍ରୋତ ବହିଯିବ ?
\v 17 ତାହା କେବଳ ତୁମ୍ଭର ହେଉ, ତୁମ୍ଭ ସହିତ ଅପରିଚିତ ଲୋକମାନଙ୍କର ନ ହେଉ ।
\s5
\v 18 ତୁମ୍ଭର ନିର୍ଝର ଧନ୍ୟ ହେଉ; ଆଉ, ତୁମ୍ଭେ ଆପଣା ଯୌବନକାଳର ଭାର୍ଯ୍ୟାଠାରେ ଆମୋଦ କର ।
\v 19 ସେ ପ୍ରେମିକା ହରିଣୀ ଓ ରୂପବତୀ ବାଉଟୀ ପରି, ତାହାର ବକ୍ଷ ସର୍ବଦା ତୁମ୍ଭକୁ ତୁଷ୍ଟ କରୁ; ଆଉ, ତାହାର ପ୍ରେମରେ ତୁମ୍ଭେ ସର୍ବଦା ଆସକ୍ତ ହୁଅ ।
\s5
\v 20 ହେ ମୋହର ପୁତ୍ର, ପରକୀୟାଠାରେ ତୁମ୍ଭେ କାହିଁକି ଆସକ୍ତ ହେବ ? ଏବଂ ଅନ୍ୟର କୋଳ କାହିଁକି ଆଲିଙ୍ଗନ କରିବ ?
\v 21 ଯେହେତୁ ମନୁଷ୍ୟର ସବୁ ଗତି ସଦାପ୍ରଭୁଙ୍କର ଦୃଷ୍ଟିଗୋଚର ଅଟେ ଓ ସେ ତାହାର ସବୁ ପଥ ସମାନ କରନ୍ତି ।
\s5
\v 22 ଦୁଷ୍ଟ ଲୋକର ନିଜ ଅପରାଧ ତାହାକୁ ଧରିବ, ସେ ନିଜ ପାପରୂପ ଦୌଡ଼ିରେ ବନ୍ଧା ହେବ ।
\v 23 ସେ ଉପଦେଶ ଅଭାବରେ ମରିଯିବ ଓ ଆପଣା ଅଜ୍ଞାନତାର ବୃଦ୍ଧିରେ ଭ୍ରାନ୍ତ ହେବ ।
\s5
\c 6
\s ସତର୍କବାଣୀସମୂହ
\p
\v 1 ହେ ମୋହର ପୁତ୍ର, ଯଦି ତୁମ୍ଭେ ଆପଣା ପ୍ରତିବାସୀର ବନ୍ଧକ ହୋଇଥାଅ, ଯଦି ପର ପାଇଁ ହାତ ଦେଇଥାଅ,
\v 2 ତେବେ ତୁମ୍ଭେ ଆପଣା ମୁଖର ବାକ୍ୟରୂପ ଫାନ୍ଦରେ ପଡ଼ିଅଛ ଓ ଆପଣା ମୁଖର କଥାରେ ଧରା ଯାଇଅଛ ।
\s5
\v 3 ହେ ମୋହର ପୁତ୍ର, ତୁମ୍ଭେ ଏବେ ଏହି କର୍ମ କର, ଆପଣାକୁ ଉଦ୍ଧାର କର; ଯେହେତୁ ତୁମ୍ଭେ ଆପଣା ବନ୍ଧୁର ହସ୍ତଗତ ହୋଇଅଛ; ଯାଅ, ଆପଣାକୁ ନମ୍ର କରି ତୁମ୍ଭ ପ୍ରତିବାସୀକୁ ବାରମ୍ବାର ବିନତି କର ।
\s5
\v 4 ତୁମ୍ଭେ ଆପଣା ଚକ୍ଷୁକୁ ନିଦ୍ରା ଯିବାକୁ ଦିଅ ନାହିଁ, କିଅବା ଆପଣା ଚକ୍ଷୁର ପତାକୁ ଢୁଳାଇବାକୁ ଦିଅ ନାହିଁ ।
\v 5 ଆପଣାକୁ ହରିଣ ପରି ବ୍ୟାଧର ହାତରୁ, ପକ୍ଷୀ ପରି ଜାଲିଆର ହାତରୁ ଉଦ୍ଧାର କର ।
\s5
\v 6 ହେ ଅଳସୁଆ, ତୁମ୍ଭେ ପିମ୍ପୁଡ଼ି ପାଖକୁ ଯାଅ, ତାହାର କ୍ରିୟା ବିବେଚନା କର ଓ ଜ୍ଞାନୀ ହୁଅ ।
\v 7 ତାହାର ବିଚାରକର୍ତ୍ତା କିମ୍ଵା ଅଧ୍ୟକ୍ଷ କିମ୍ବା ପ୍ରଭୁ କେହି ନ ଥିଲେ ହେଁ ସେ ଗ୍ରୀଷ୍ମକାଳରେ ଆପଣା ଖାଦ୍ୟ ପ୍ରସ୍ତୁତ କରେ,
\v 8 ପୁଣି, ଫସଲ ସମୟରେ ଆହାର ସଞ୍ଚୟ କରେ ।
\s5
\v 9 ହେ ଅଳସୁଆ, ତୁମ୍ଭେ କେତେ କାଳ ଶୋଇ ରହିଥିବ ? ତୁମ୍ଭେ କେତେବେଳେ ନିଦ୍ରା ଭାଙ୍ଗି ଉଠିବ ?
\v 10 ଆଉ ଟିକିଏ ଶୋଇଲେ, ଆଉ ଟିକିଏ ଢୁଳାଇଲେ, ଆଉ ଟିକିଏ ନିଦ୍ରା ଯିବା ପାଇଁ ହାତ ଭିଡ଼ିମୋଡ଼ି ହେଲେ,
\v 11 ତୁମ୍ଭର ଦରିଦ୍ରାବସ୍ଥା ଖଣ୍ଟ ପରି, ପୁଣି, ତୁମ୍ଭର ଦୀନତା ସସଜ୍ଜ ଲୋକ ପରି ଉପସ୍ଥିତ ହେବ ।
\s5
\v 12 ପାପାଧମ ବ୍ୟକ୍ତି, ଅପରାଧୀ ମନୁଷ୍ୟ; ସେ ସର୍ବଦା କୁଟିଳ ମୁଖ କରି ଚାଲେ;
\v 13 ସେ ଆଖିରେ ଠାରଇ, ସେ ଗୋଡ଼ରେ କଥା କହଇ, ସେ ଅଙ୍ଗୁଳି ଦ୍ୱାରା ସଙ୍କେତ କରେ;
\s5
\v 14 ତାହାର ଅନ୍ତଃକରଣରେ କୁଟିଳତା ଥାଏ, ସେ ସର୍ବଦା ଅନିଷ୍ଟ ଚିନ୍ତା କରେ; ସେ କଳିର ବୀଜ ବୁଣେ ।
\v 15 ଏଣୁ ତାହାର ବିପଦ ହଠାତ୍‍ ଉପସ୍ଥିତ ହେବ, ପୁଣି, ସେ ପ୍ରତିକାର ବିନା ଅକସ୍ମାତ୍‍ ଭଗ୍ନ ହେବ ।
\s5
\v 16 ଛଅଗୋଟି ବିଷୟକୁ ସଦାପ୍ରଭୁ ଘୃଣା କରନ୍ତି; ସପ୍ତବସ୍ତୁ ମଧ୍ୟ ତାହାଙ୍କର ଘୃଣାଯୋଗ୍ୟ ।
\s5
\v 17 ଅହଙ୍କାର-ଦୃଷ୍ଟି, ମିଥ୍ୟାବାଦୀ-ଜିହ୍ୱା ଓ ନିର୍ଦ୍ଦୋଷର ରକ୍ତପାତକାରୀ-ହସ୍ତ;
\v 18 ଅନିଷ୍ଟ ଚିନ୍ତକ ଅନ୍ତଃକରଣ, କୁକର୍ମ କରିବାକୁ ବେଗଗାମୀ ଚରଣ;
\v 19 ମିଥ୍ୟାସାକ୍ଷୀ ଯେ ମିଥ୍ୟା କହେ ଓ ଯେ ଭାଇମାନଙ୍କ ମଧ୍ୟରେ କଳିର ବୀଜ ବୁଣେ ।
\s ବ୍ୟଭିଚାର ବିରୁଦ୍ଧରେ ସତର୍କବାଣୀ
\p
\s5
\v 20 ହେ ମୋହର ପୁତ୍ର, ତୁମ୍ଭେ ଆପଣା ପିତାର ଆଜ୍ଞା ପାଳନ କର, ପୁଣି, ଆପଣା ମାତାର ଆଦେଶ ପରିତ୍ୟାଗ କର ନାହିଁ ।
\v 21 ତାହା ସର୍ବଦା ତୁମ୍ଭ ହୃଦୟରେ ବାନ୍ଧି ରଖ, ଆପଣା ଗଳଦେଶରେ ବାନ୍ଧ ।
\s5
\v 22 ତୁମ୍ଭେ ଚାଲିବା ବେଳେ ତାହା ତୁମ୍ଭକୁ ପଥ ଦେଖାଇବ, ଆଉ ଶୋଇବା ବେଳେ ତାହା ତୁମ୍ଭର ପ୍ରହରୀ ହେବ; ତୁମ୍ଭେ ଜାଗିବା ବେଳେ ତାହା ତୁମ୍ଭ ସଙ୍ଗେ ଆଳାପ କରିବ ।
\v 23 ଯେହେତୁ ସେହି ଆଜ୍ଞା ପ୍ରଦୀପ; ଓ ସେହି ଆଦେଶ ଆଲୁଅ; ଓ ଶିକ୍ଷାଜନକ ଅନୁଯୋଗ ଜୀବନର ପଥ;
\s5
\v 24 ସେ ତୁମ୍ଭକୁ ଦୁଷ୍ଟା ସ୍ତ୍ରୀଠାରୁ ଓ ପରସ୍ତ୍ରୀର ଜିହ୍ୱାର ଚାଟୁବାଦରୁ ରକ୍ଷା କରିବ ।
\v 25 ତୁମ୍ଭ ଅନ୍ତଃକରଣରେ ତାହାର ସୌନ୍ଦର୍ଯ୍ୟକୁ ଲୋଭ କର ନାହିଁ; ଅବା ତାହାର କଟାକ୍ଷରେ ତୁମ୍ଭକୁ ଧରିବାକୁ ତାକୁ ଦିଅ ନାହିଁ ।
\s5
\v 26 ଯେହେତୁ ବେଶ୍ୟା ସକାଶୁ ଅନ୍ନ-ଅଭାବ ଘଟେ, ଆଉ ବ୍ୟଭିଚାରିଣୀ ସ୍ତ୍ରୀ ମନୁଷ୍ୟର ମହାମୂଲ୍ୟ ପ୍ରାଣକୁ ଧରିବା ପାଇଁ ମୃଗୟା କରେ ।
\v 27 କେହି ଯେବେ ଆପଣା ବକ୍ଷଃସ୍ଥଳରେ ନିଆଁ ରଖେ, ତେବେ ତାହାର ବସ୍ତ୍ର କ'ଣ ପୋଡ଼ି ଯିବ ନାହିଁ ?
\s5
\v 28 ଅବା କେହି ଯେବେ ଜ୍ୱଳନ୍ତା ଅଙ୍ଗାର ଉପରେ ଚାଲେ, ତେବେ ତାହାର ପାଦରେ କ'ଣ ଫୋଟକା ହେବ ନାହିଁ ?
\v 29 ଆପଣା ପ୍ରତିବାସୀର ସ୍ତ୍ରୀଠାରେ ଯେଉଁ ବ୍ୟକ୍ତି ଗମନ କରେ, ସେ ତଦ୍ରୂପ; ଯେ ତାହାକୁ ଛୁଏଁ, ସେ ଅଦଣ୍ଡିତ ନୋହିବ ।
\s5
\v 30 ଚୋର କ୍ଷୁଧିତ ହୋଇ ପ୍ରାଣରକ୍ଷାର୍ଥେ ଯଦି ଚୋରି କରେ, ତେବେ ଲୋକେ ତାହାକୁ ତୁଚ୍ଛ କରନ୍ତି ନାହିଁ ।
\v 31 ମାତ୍ର ସେ ଧରା ପଡ଼ିଲେ, ତାକୁ ସାତ ଗୁଣ ଫେରାଇ ଦେବାକୁ ହେବ; ଆପଣା ଗୃହର ସର୍ବସ୍ୱ ତାକୁ ଦେବାକୁ ପଡ଼ିବ ।
\s5
\v 32 ଜଣେ ବ୍ୟଭିଚାରୀ ପୁରୁଷ ନିତାନ୍ତ ନିର୍ବୋଧ; ଯେ ନିଜ ପ୍ରାଣ ନାଶ କରିବ, ସେହିଁ ତାହା କରେ ।
\v 33 ସେ ଆଘାତ ଓ ଅପମାନ ପାଇବ; ପୁଣି, ତାହାର କଳଙ୍କ ମାର୍ଜିତ ହେବ ନାହିଁ ।
\s5
\v 34 ଯେହେତୁ ସ୍ତ୍ରୀ ବିଷୟକ ଈର୍ଷା ମନୁଷ୍ୟର ପ୍ରଚଣ୍ଡ କ୍ରୋଧର ବିଷୟ; ପ୍ରତିହିଂସା କରିବା ବେଳେ ସେ କିଛି କ୍ଷମା କରିବ ନାହିଁ ।
\v 35 ସେ କୌଣସି ପ୍ରାୟଶ୍ଚିତ୍ତକୁ ଗ୍ରାହ୍ୟ କରିବ ନାହିଁ; କିଅବା ତୁମ୍ଭେ ବହୁତ ଲାଞ୍ଚ ଦେଲେ ହେଁ ସେ ମାନିବ ନାହିଁ ।
\s5
\c 7
\s ବ୍ୟଭିଚାରିଣୀଠାରୁ ସତର୍କତା
\p
\v 1 ହେ ମୋହର ପୁତ୍ର, ମୋହର କଥାସବୁ ପାଳନ କର ଓ ମୋହର ଆଜ୍ଞାସବୁ ଆପଣା ହୃଦୟରେ ସଞ୍ଚୟ କରି ରଖ ।
\v 2 ମୋହର ଆଜ୍ଞାସବୁ ପାଳନ କର, ତହିଁରେ ତୁମ୍ଭେ ବଞ୍ଚିବ ଓ ଆପଣା ଚକ୍ଷୁର ତାରା ପରି ମୋହର ବ୍ୟବସ୍ଥା ରକ୍ଷା କର ।
\v 3 ତୁମ୍ଭର ସମସ୍ତ ଅଙ୍ଗୁଳିରେ ତାହା ବାନ୍ଧ; ତୁମ୍ଭର ହୃଦୟ-ପଟାରେ ତାହାସବୁ ଲେଖି ରଖ ।
\s5
\v 4 ଜ୍ଞାନକୁ କୁହ, ତୁମ୍ଭେ ମୋହର ଭଗିନୀ, ଆଉ ସୁବିବେଚନାକୁ ତୁମ୍ଭର ଜ୍ଞାତି ବୋଲି କୁହ ।
\v 5 ତହିଁରେ ସେମାନେ ପରସ୍ତ୍ରୀଠାରୁ, ଅର୍ଥାତ୍‍, ଚାଟୁବାଦିନୀ ପରକୀୟାଠାରୁ ତୁମ୍ଭକୁ ରକ୍ଷା କରିବେ ।
\s5
\v 6 ମୁଁ ଆପଣା ଗୃହର ଝରକାର ଜାଲି ପରଦା ଦେଇ ନିରୀକ୍ଷଣ କରୁଥିଲି;
\v 7 ତହିଁରେ ମୁଁ ଦେଖିଲି, ଅଜ୍ଞାନମାନଙ୍କ ମଧ୍ୟରେ ଓ ଚିହ୍ନିଲି ଯୁବାମାନଙ୍କ ମଧ୍ୟରେ ଜଣେ ବୁଦ୍ଧିବିହୀନ ଯୁବା ଲୋକ
\s5
\v 8 ବ୍ୟଭିଚାରିଣୀର ଗୃହକୋଣ ନିକଟସ୍ଥ ଗଳି ଦେଇ ଯାଉ ଯାଉ ତାହାର ଗୃହକୁ ଯିବା ପଥରେ ଚାଲିଲା ।
\v 9 ସେତେବେଳେ ଗୋଧୂଳି ସମୟ, ଦିନାବସାନ ହେଉଥିଲା, ରାତ୍ରିର କାଳିମା ଓ ଅନ୍ଧକାର ସମୟ ।
\s5
\v 10 ତହିଁରେ ଦେଖ, ଜଣେ ସ୍ତ୍ରୀ ତାହା ସଙ୍ଗେ ଭେଟିଲା, ସେ ବେଶ୍ୟାବେଶଧାରିଣୀ ଓ ଅନ୍ତଃକରଣରେ ଚତୁରୀ ।
\v 11 ସେ ବଡ଼ ତୁଣ୍ଡେଈ ଓ ଅବାଧ୍ୟା, ତାହାର ପାଦ ନିଜ ଗୃହରେ ରହେ ନାହିଁ ।
\v 12 ସେ କେବେ କେବେ ସଡ଼କରେ, କେବେ କେବେ ଛକରେ ଥାଏ ଓ ପ୍ରତ୍ୟେକ କୋଣରେ ଅପେକ୍ଷାରେ ବସି ଥାଏ ।
\s5
\v 13 ସେହି ସ୍ତ୍ରୀ ତାହାକୁ ଧରି ଚୁମ୍ବନ କଲା, ଆଉ ନିର୍ଲଜ୍ଜ ମୁଖରେ ତାହାକୁ କହିଲା
\v 14 "ମଙ୍ଗଳାର୍ଥକ ବଳି ମୋ' ନିକଟରେ ଅଛି; ମୁଁ ଆଜି ଆପଣାର ମାନତ ପୂର୍ଣ୍ଣ କରିଅଛି ।
\v 15 ଏଣୁ ତୁମ୍ଭ ସଙ୍ଗେ ଦେଖା କରିବାକୁ ବାହାରକୁ ଆସିଲି ଓ ଯତ୍ନରେ ତୁମ୍ଭ ମୁଖ ଅନ୍ୱେଷଣ କରିବାକୁ ଆସିଅଛି, ଆଉ ତୁମ୍ଭକୁ ପାଇଲି ।
\s5
\v 16 ମୁଁ ସୁଜନୀ ଓ ମିସ୍ରୀୟ ସୂକ୍ଷ୍ମ ସୂତ୍ରର ଡୋରିଆ ବସ୍ତ୍ର ଆପଣା ପଲଙ୍କରେ ବିଛାଇ ଅଛି ।
\v 17 ପୁଣି, ଗନ୍ଧରସ, ଅଗୁରୁ ଓ ଦାରୁଚିନିରେ ମୋହର ଶଯ୍ୟା ସୁବାସିତ କରିଅଛି ।
\v 18 ଆସ, ଆମ୍ଭେମାନେ ପ୍ରଭାତ ଯାଏ କାମରସରେ ମତ୍ତ ଓ ପ୍ରେମରେ ଭୋଳ ହେଉ ।
\s5
\v 19 ଯେହେତୁ କର୍ତ୍ତା ଘରେ ନାହାନ୍ତି, ସେ ଦୂରକୁ ଯାତ୍ରା କରିଅଛନ୍ତି ।
\v 20 ସେ ତୋଡ଼ାଏ ଟଙ୍କା ସଙ୍ଗରେ ନେଇ ଯାଇଅଛନ୍ତି, ସେ ପୂର୍ଣ୍ଣିମା ସମୟରେ ଫେରି ଆସିବେ ।”
\v 21 ଏହିରୂପେ ଅନେକ ମଧୁର ଭାଷା କହି ସେ ତାହାର ମନ ହରଣ କଲା, ଓଷ୍ଠାଧରର ଚାଟୁବାଦରେ ତାହାକୁ ଓଟାରି ନେଲା ।
\s5
\v 22 ଯେପରି ଗୋରୁ ହତ ହେବାକୁ ଯାଏ ଓ ଯେପରି ବେଡ଼ି ପିନ୍ଧିବା ଲୋକ ନିର୍ବୋଧର ଦଣ୍ଡ ପାଇବାକୁ ଯାଏ, ସେହିପରି ସେ ସେହିକ୍ଷଣି ତାହାର ପଛେ ପଛେ ଗଲା ।
\v 23 ଆଉ, ଯେପରି ପକ୍ଷୀ ଫାନ୍ଦକୁ ପ୍ରାଣନାଶକ ନ ଜାଣି ତହିଁରେ ପଡ଼ିବାକୁ ବେଗେ ଉଡ଼େ, ଶେଷରେ ତାହାର ଯକୃତ ସେହିପରି ତୀର ଦ୍ୱାରା ବିଦ୍ଧ ହେଲା ।
\s5
\v 24 ଏଣୁ ହେ ମୋହର ପୁତ୍ରମାନେ, ମୋହର କଥା ଶୁଣ ଓ ମୋ' ମୁଖର ବାକ୍ୟରେ ମନୋନିବେଶ କର ।
\v 25 ତୁମ୍ଭର ଚିତ୍ତ ତାହାର ମାର୍ଗରେ ନ ଯାଉ, ତୁମ୍ଭେ ତାହାର ପଥରେ ବିପଥଗାମୀ ହୁଅ ନାହିଁ ।
\s5
\v 26 ଯେହେତୁ ସେ ଅନେକଙ୍କୁ କ୍ଷତବିକ୍ଷତ କରି ପକାଇ ଅଛି, ହଁ, ତାହାର ହତ ଲୋକସକଳ ଅପାର ।
\v 27 ତାହାର ଗୃହ ପାତାଳକୁ ଯିବାର ବାଟ, ଯାହା ମୃତ୍ୟୁର ଆଳୟକୁ ଯାଏ ।
\s5
\c 8
\s ଜ୍ଞାନର ପ୍ରଶଂସା
\p
\v 1 ଜ୍ଞାନ କ'ଣ ଡାକେ ନାହିଁ ? ବୁଦ୍ଧି କ'ଣ ଉଚ୍ଚସ୍ୱର କରେ ନାହିଁ ?
\v 2 ସେ ପଥପାର୍ଶ୍ୱସ୍ଥ ଉଚ୍ଚସ୍ଥାନ ମୁଣ୍ଡରେ, ବାଟସବୁର ସଂଯୋଗ ସ୍ଥାନରେ ଠିଆ ହୁଏ ।
\v 3 ସେ ନଗରଦ୍ୱାର ନିକଟରେ, ନଗରର ପ୍ରବେଶ-ଦ୍ୱାରରେ, ଦ୍ୱାରର ପ୍ରବେଶ ସ୍ଥାନରେ ଥାଇ ଉଚ୍ଚସ୍ୱରେ ଡାକି କହେ,
\s5
\v 4 ହେ ମନୁଷ୍ୟଗଣ, ମୁଁ ତୁମ୍ଭମାନଙ୍କୁ ଡାକୁଅଛି; ପୁଣି, ମନୁଷ୍ୟ-ସନ୍ତାନଗଣ ପ୍ରତି ମୋହର ରବ ଅଛି ।
\v 5 ହେ ନିର୍ବୋଧ ଲୋକେ, ସତର୍କତାର କଥା ବୁଝ; ହେ ମୂର୍ଖ ଲୋକେ, ତୁମ୍ଭେମାନେ ସୁବିବେକୀମନା ହୁଅ ।
\s5
\v 6 ଶୁଣ, ଯେହେତୁ ମୁଁ ଉତ୍କୃଷ୍ଟ ବିଷୟ କହିବି; ମୁଁ ଓଷ୍ଠାଧର ଫିଟାଇ ଯଥାର୍ଥ କଥା କହିବି ।
\v 7 ଯେହେତୁ ମୋହର ମୁଖ ସତ୍ୟ କହିବ, ଦୁଷ୍ଟତା ମୋ' ଓଷ୍ଠାଧରର ଘୃଣାର ବିଷୟ ।
\s5
\v 8 ମୋ' ମୁଖର ସମସ୍ତ କଥା ଧର୍ମମୟ; ତହିଁ ମଧ୍ୟରେ ବକ୍ର କିମ୍ଵା କୁଟିଳ କିଛି ନାହିଁ ।
\v 9 ଯେ ତାହା ବୁଝେ, ତାହା ପ୍ରତି ସେହିସବୁ ସ୍ପଷ୍ଟ; ପୁଣି, ବିଦ୍ୟାପ୍ରାପ୍ତ ଲୋକଙ୍କ ପ୍ରତି ତାହା ଯଥାର୍ଥ ଅଟେ ।
\s5
\v 10 ରୂପା ଅପେକ୍ଷା ମୋହର ଉପଦେଶ ଏବଂ ମନୋନୀତ ସୁବର୍ଣ୍ଣ ଅପେକ୍ଷା ଜ୍ଞାନ ଗ୍ରହଣ କର ।
\v 11 ଯେହେତୁ ଜ୍ଞାନ ମୁକ୍ତାଠାରୁ ଉତ୍ତମ ଓ ସମସ୍ତ ଇଷ୍ଟବସ୍ତୁ ତାହା ସଙ୍ଗେ ତୁଲ୍ୟ ହେବାକୁ ଯୋଗ୍ୟ ନୁହେଁ ।
\s5
\v 12 ମୁଁ ଜ୍ଞାନ, ସତର୍କତାକୁ ଆପଣା ବାସସ୍ଥାନ କରିଅଛି, ପୁଣି, ଜ୍ଞାନ ଓ ପରିଣାମଦର୍ଶିତା ପାଇଥାଏ ।
\v 13 ସଦାପ୍ରଭୁଙ୍କ ବିଷୟକ ଭୟ, ମନ୍ଦତା ପ୍ରତି ଘୃଣା; ଅହଙ୍କାର, ଦାମ୍ଭିକତା ଓ କୁପଥ ଏବଂ କୁଟିଳମୁଖ ମୁଁ ଘୃଣା କରେ ।
\s5
\v 14 ମନ୍ତ୍ରଣା ଓ ତତ୍ତ୍ୱଜ୍ଞାନ ମୋ'ଠାରେ ଥାଏ; ମୁଁ ହିଁ ସୁବିବେଚନା; ମୋ'ଠାରେ ବଳ ଅଛି ।
\v 15 ମୋ' ଦ୍ୱାରା ରାଜାମାନେ ରାଜତ୍ୱ କରନ୍ତି ଓ ଭୂପତିମାନେ ଯଥାର୍ଥ ବିଚାର କରନ୍ତି ।
\v 16 ମୋ' ଦ୍ୱାରା ଅଧିପତିମାନେ, କୁଳୀନମାନେ ଓ ପୃଥିବୀର ସମସ୍ତ ବିଚାରକର୍ତ୍ତୃଗଣ ଶାସନ କରନ୍ତି ।
\s5
\v 17 ଯେଉଁମାନେ ମୋତେ ପ୍ରେମ କରନ୍ତି, ମୁଁ ସେମାନଙ୍କୁ ପ୍ରେମ କରେ, ପୁଣି ଯେଉଁମାନେ ଯତ୍ନରେ ମୋହର ଅନ୍ୱେଷଣ କରନ୍ତି, ସେମାନେ ମୋତେ ପାଇବେ ।
\v 18 ମୋ'ଠାରେ ଧନ ଓ ସମ୍ଭ୍ରମ, ପୁଣି, ଅକ୍ଷୟ ସମ୍ପତ୍ତି ଓ ଧାର୍ମିକତା ଅଛି ।
\s5
\v 19 ମୋହର ଫଳ ସୁବର୍ଣ୍ଣ, ହଁ, ଶୁଦ୍ଧ ସୁବର୍ଣ୍ଣ ଅପେକ୍ଷା ଉତ୍ତମ; ପୁଣି, ମୋହର ଆୟ ଉତ୍କୃଷ୍ଟ ରୂପା ଅପେକ୍ଷା ଭଲ ।
\v 20 ମୁଁ ଧାର୍ମିକତାର ମାର୍ଗରେ, ବିଚାରର ପଥ ମଧ୍ୟରେ ଗମନ କରେ,
\v 21 ଆଉ ଯେଉଁମାନେ ମୋତେ ପ୍ରେମ କରନ୍ତି, ସେମାନଙ୍କୁ ସାରା ସମ୍ପତ୍ତିର ଅଧିକାରୀ କରେ ଓ ସେମାନଙ୍କ ଭଣ୍ଡାର ପରିପୂର୍ଣ୍ଣ କରେ;
\s5
\v 22 ସଦାପ୍ରଭୁ ନିଜ ଗତିର ଆରମ୍ଭରେ, ତାହାଙ୍କ କର୍ମସକଳର ପୂର୍ବରେ ମୋତେ ଅଧିକାର କରିଥିଲେ ।
\v 23 ଅନାଦିକାଳରୁ ଅବା ଆଦ୍ୟକାଳଠାରୁ ଅବା ପୃଥିବୀର ମୂଳସ୍ଥାପନର ପୂର୍ବରୁ ମୁଁ ସ୍ଥାପିତ ଅଛି ।
\s5
\v 24 ବାରିଧିସକଳ ନ ଥିବା ସମୟରେ, ନିର୍ଝରସକଳ ଜଳପୂର୍ଣ୍ଣ ନ ଥିବା ସମୟରେ ମୁଁ ଜନ୍ମିଅଛି;
\v 25 ପୁଣି, ପର୍ବତଗଣ ଓ ଉପପର୍ବତଗଣ ସ୍ଥାପିତ ହେବା ପୂର୍ବରେ ମୁଁ ଜନ୍ମ ପାଇଅଛି;
\s5
\v 26 ସେହି ସମୟରେ ଭୂମି, କିମ୍ବା ପ୍ରାନ୍ତର, କିମ୍ବା ଜଗତସ୍ଥ ଧୂଳିର ଅଗ୍ରିମାଂଶ ସେ ସୃଷ୍ଟି କରି ନ ଥିଲେ ।
\v 27 ଯେଉଁ ସମୟରେ ସେ ଆକାଶମଣ୍ଡଳ ସ୍ଥାପନ କଲେ, ସେହି ସମୟରେ ମୁଁ ସେଠାରେ ଥିଲି, ଯେଉଁ ସମୟରେ ସେ ବାରିଧି ଉପରେ ଚକ୍ରାକାର ସୀମା ନିରୂପଣ କଲେ,
\s5
\v 28 ପୁଣି ଉପରିସ୍ଥ ଆକାଶମଣ୍ଡଳକୁ ଦୃଢ଼ କଲେ ଓ ବାରିଧିର ପ୍ରବାହସକଳ ପ୍ରବଳ ହେଲା;
\v 29 ଜଳସମୂହ ଯେପରି ତାହାଙ୍କ ଆଜ୍ଞା ଲଙ୍ଘନ କରି ନ ପାରେ, ଏଥିପାଇଁ ଯେଉଁ ସମୟରେ ସେ ସମୁଦ୍ରର ସୀମା ନିରୂପଣ କଲେ ଓ ଯେଉଁ ସମୟରେ ଜଗତର ମୂଳଦୁଆ ଚିହ୍ନିତ କଲେ;
\s5
\v 30 ସେହି ସମୟରେ ମୁଁ ତାହାଙ୍କ ନିକଟରେ କର୍ମକର୍ତ୍ତା ଥିଲି; ପୁଣି, ମୁଁ ପ୍ରତିଦିନ ଆନନ୍ଦଦାୟୀ ହୋଇ ତାହାଙ୍କ ସମ୍ମୁଖରେ ସର୍ବଦା ଆନନ୍ଦ କଲି ।
\v 31 ପୁଣି, ତାହାଙ୍କ ଭୂମଣ୍ଡଳରେ ଆନନ୍ଦ କଲି ଓ ମନୁଷ୍ୟ ସନ୍ତାନଗଣ ସଙ୍ଗରେ ମୋହର ଆମୋଦ ଥିଲା ।
\s5
\v 32 ଏନିମନ୍ତେ ହେ ମୋହର ପୁତ୍ରମାନେ, ମୋହର ବାକ୍ୟ ଶୁଣ, ଯେହେତୁ ଯେଉଁମାନେ ମୋହର ପଥ ଧରନ୍ତି, ସେମାନେ ଧନ୍ୟ ।
\v 33 ଉପଦେଶ ଶୁଣି ଜ୍ଞାନବାନ୍୍ ହୁଅ; ପୁଣି, ତାହା ଅଗ୍ରାହ୍ୟ କର ନାହିଁ ।
\v 34 ଯେ ମୋ' କଥା ଶୁଣେ ଓ ମୋ' ଦ୍ୱାର ନିକଟରେ ନିତ୍ୟ ଜଗି ରହେ, ମୋ' ଦ୍ୱାରର ଚୌକାଠ ନିକଟରେ ଅନୁସରଣ କରେ, ସେହି ଲୋକ ଧନ୍ୟ ।
\s5
\v 35 ଯେହେତୁ ଯେ ମୋତେ ପାଏ, ସେ ଜୀବନ ପାଏ ଏବଂ ସଦାପ୍ରଭୁଙ୍କର ଅନୁଗ୍ରହ ପ୍ରାପ୍ତ ହେବ ।
\v 36 ମାତ୍ର ଯେ ମୋ' ବିରୁଦ୍ଧରେ ପାପ କରେ, ସେ ଆପଣା ପ୍ରାଣର କ୍ଷତି କରେ; ଯେଉଁ ସମସ୍ତ ଲୋକ ମୋତେ ଘୃଣା କରନ୍ତି, ସେମାନେ ମୃତ୍ୟୁକୁ ଭଲ ପାଆନ୍ତି ।
\s5
\c 9
\s ଜ୍ଞାନ ଓ ନିର୍ବୋଧତା
\p
\v 1 ଜ୍ଞାନ ଆପଣା ଗୃହ ନିର୍ମାଣ କରିଅଛି, ସେ ତାହାର ସପ୍ତସ୍ତମ୍ଭ ଖୋଳିଅଛି;
\v 2 ସେ ଆପଣା ପଶୁସବୁ ବଧ କରିଅଛି; ସେ ଆପଣା ଦ୍ରାକ୍ଷାରସ ମିଶ୍ରିତ କରିଅଛି; ସେ ଆପଣା ମେଜ ମଧ୍ୟ ସଜାଇଅଛି ।
\s5
\v 3 ସେ ଆପଣା ଦାସୀମାନଙ୍କୁ ପଠାଇଅଛି, ସେ ନଗରର ସର୍ବୋଚ୍ଚ ସ୍ଥାନରୁ ଡାକି କହେ,
\v 4 ଯେଉଁ ଜଣ ଅବୋଧ, ସେ ଏଠାକୁ ଆସୁ; ପୁଣି, ଯେଉଁ ଜନ ନିର୍ବୋଧ, ତାହାକୁ ସେ କହେ,
\s5
\v 5 "ଆସ, ମୋହର ଭକ୍ଷ୍ୟ ଭୋଜନ କର ଓ ମୋହର ମିଶ୍ରିତ ଦ୍ରାକ୍ଷାରସ ପାନ କର ।"
\v 6 ହେ ଅବୋଧ ଲୋକମାନେ, ଅବୋଧମାନଙ୍କର ସଙ୍ଗ ପରିତ୍ୟାଗ କରି ଜୀବନ ରକ୍ଷା କର; ପୁଣି, ସୁବିବେଚନାର ପଥରେ ଚାଲ ।
\s5
\v 7 ଯେ ନିନ୍ଦକକୁ ଶିକ୍ଷା ଦିଏ, ସେ ଆପେ ଲଜ୍ଜା ପାଏ; ପୁଣି, ଯେ ଦୁଷ୍ଟକୁ ଅନୁଯୋଗ କରେ, ସେ ନିଜେ କଳଙ୍କ ପାଏ ।
\v 8 ନିନ୍ଦକକୁ ଅନୁଯୋଗ କର ନାହିଁ, କଲେ, ସେ ତୁମ୍ଭକୁ ଘୃଣା କରିବ, ଜ୍ଞାନୀକୁ ଅନୁଯୋଗ କର, ତହିଁରେ ସେ ତୁମ୍ଭକୁ ପ୍ରେମ କରିବ ।
\v 9 ଜ୍ଞାନୀକୁ ଉପଦେଶ ଦେଲେ, ସେ ଆହୁରି ଜ୍ଞାନବାନ୍ ହେବ, ପୁଣି, ଧାର୍ମିକକୁ ଶିକ୍ଷା ଦେଲେ, ତାହାର ପାଣ୍ଡିତ୍ୟ ବୃଦ୍ଧି ପାଇବ ।
\s5
\v 10 ସଦାପ୍ରଭୁଙ୍କ ବିଷୟକ ଭୟ ଜ୍ଞାନର ଆରମ୍ଭ, ପୁଣି, ଧର୍ମସ୍ୱରୂପଙ୍କ ବିଷୟକ ଜ୍ଞାନ ସୁବିବେଚନା ଅଟେ ।
\v 11 ଯେହେତୁ ମୋ' ଦ୍ୱାରା ତୁମ୍ଭର ଦିନ ବୃଦ୍ଧି ପାଇବ, ପୁଣି, ତୁମ୍ଭ ଆୟୁର ବର୍ଷ ବଢ଼ିବ ।
\v 12 ତୁମ୍ଭେ ଜ୍ଞାନୀ ହେଲେ, ଆପଣା ନିମନ୍ତେ ଜ୍ଞାନୀ ହେବ; ଯଦି ନିନ୍ଦା କର, ଆପେ ତାହା ବହିବ ।
\s5
\v 13 ଅଜ୍ଞାନା ସ୍ତ୍ରୀଲୋକ କଳିହୁଡ଼ୀ; ସେ ଅବୋଧ ଓ କିଛି ଜାଣେ ନାହିଁ ।
\v 14 ସେ ଆପଣା ଗୃହର ଦ୍ୱାର ନିକଟରେ ଓ ନଗରର ଉଚ୍ଚ ସ୍ଥାନରେ ଆସନ ପାରି ବସେ ।
\v 15 ସେ ନିକଟ ଦେଇ ନିଜ ନିଜ ପଥରେ ସଳଖେ ଯିବାର ପଥିକମାନଙ୍କୁ ଡାକି କହେ,
\s5
\v 16 ଯେ ଅବୋଧ, ସେ ଏଠାକୁ ଆସୁ ବୁଦ୍ଧିହୀନ ଲୋକକୁ ସେ ଏହି କଥା କହେ,
\v 17 ଚୌର୍ଯ୍ୟଜଳ ମିଷ୍ଟ ଓ ଗୋପନ ଅନ୍ନ ସୁସ୍ୱାଦୁ ।
\v 18 ମାତ୍ର ସେହି ଲୋକ ଜାଣେ ନାହିଁ ଯେ, ମୃତ ଲୋକମାନେ ସେଠାରେ ଥା'ନ୍ତି, ପୁଣି, ତାହାର ନିମନ୍ତ୍ରିତଗଣ ପାତାଳର ଗଭୀର ସ୍ଥାନରେ ଅଛନ୍ତି ।
\s5
\c 10
\s ଶଲୋମନଙ୍କ ହିତୋପଦେଶ
\p
\v 1 ଶଲୋମନଙ୍କର ହିତୋପଦେଶ । ଜ୍ଞାନବାନ୍୍ ପୁତ୍ର ପିତାର ଆନନ୍ଦ ଜନ୍ମାଏ; କିନ୍ତୁ ହୀନବୁଦ୍ଧି ପୁତ୍ର ତାହା ମାତାର ଶୋକର କାରଣ ।
\v 2 ଦୁଷ୍ଟତା-ଜାତ ଧନ କିଛି ଫଳ ଦିଏ ନାହିଁ; ମାତ୍ର ଧାର୍ମିକତା ମୃତ୍ୟୁରୁ ଉଦ୍ଧାର କରେ ।
\v 3 ସଦାପ୍ରଭୁ ଧାର୍ମିକର ପ୍ରାଣକୁ କ୍ଷୁଧାରେ କ୍ଷୀଣ ହେବାକୁ ଦେବେ ନାହିଁ; ମାତ୍ର ସେ ଦୁଷ୍ଟର କାମନା ସଫଳ କରନ୍ତି ନାହିଁ ।
\s5
\v 4 ଯେଉଁ ଲୋକ ଶିଥିଳ ହସ୍ତରେ କର୍ମ କରେ, ସେ ଦରିଦ୍ର ହୁଅଇ; ମାତ୍ର କର୍ମଶୀଳର ହସ୍ତ ଧନବାନ କରେ ।
\v 5 ଗ୍ରୀଷ୍ମକାଳରେ ଯେ ସଞ୍ଚୟ କରେ, ସେ ବୁଦ୍ଧିମାନ୍ ପୁତ୍ର; ମାତ୍ର ଫସଲ ସମୟରେ ଯେ ନିଦ୍ରିତ ଥାଏ, ସେହି ପୁତ୍ର ଲଜ୍ଜାଜନକ ।
\s5
\v 6 ଧାର୍ମିକର ମସ୍ତକରେ ଆଶୀର୍ବାଦ ବର୍ତ୍ତେ; ମାତ୍ର ଦୁଷ୍ଟର ମୁଖ ଦୌରାତ୍ମ୍ୟ ଢାଙ୍କେ ।
\v 7 ଧାର୍ମିକର ସ୍ମରଣ ଧନ୍ୟ, ମାତ୍ର ଦୁଷ୍ଟର ନାମ ପଚିଯିବ ।
\s5
\v 8 ଯେ ଅନ୍ତଃକରଣରେ ଜ୍ଞାନୀ, ସେ ଆଜ୍ଞା ଗ୍ରହଣ କରିବ; ମାତ୍ର ମୂର୍ଖ ପତିତ ହେବ ।
\v 9 ସରଳାଚାରୀ ନିର୍ଭୟରେ ଚାଲେ, ମାତ୍ର ବକ୍ରଗାମୀ ଜଣା ପଡ଼ିବ ।
\s5
\v 10 ଯେ ଆଖିରେ ଠାର ମାରେ, ସେ ଦୁଃଖ ଜନ୍ମାଏ, ପୁଣି, ଅଜ୍ଞାନ ବକୁଆ ପତିତ ହେବ ।
\v 11 ଧାର୍ମିକର ମୁଖ ଜୀବନର ନିର୍ଝର, ମାତ୍ର ଦୁଷ୍ଟର ମୁଖ ଦୌରାତ୍ମ୍ୟ ଢାଙ୍କେ ।
\s5
\v 12 ହିଂସା କଳି ଜନ୍ମାଏ, ମାତ୍ର ପ୍ରେମ ସବୁ ଅଧର୍ମ ଢାଙ୍କେ ।
\v 13 ସୁବିବେକୀର ଓଷ୍ଠରେ ଜ୍ଞାନ ଥାଏ, ମାତ୍ର ନିର୍ବୋଧର ପିଠି ପାଇଁ ବାଡ଼ି ।
\s5
\v 14 ଜ୍ଞାନୀମାନେ ବିଦ୍ୟା ସଞ୍ଚୟ କରନ୍ତି, ମାତ୍ର ଅଜ୍ଞାନର ମୁଖ ଉପସ୍ଥିତ ବିନାଶ ସ୍ୱରୂପ ।
\v 15 ଧନୀର ଧନ ତାହାର ଦୃଢ଼ ନଗର, ଦରିଦ୍ରମାନଙ୍କ ଦରିଦ୍ରତା ସେମାନଙ୍କର ବିନାଶ ।
\s5
\v 16 ଧାର୍ମିକର ପରିଶ୍ରମ ଜୀବନଜନକ, ପୁଣି, ଅଧାର୍ମିକର ଆୟ ପାପଜନକ ।
\v 17 ଉପଦେଶ ଯେ ମାନେ, ସେ ଜୀବନ-ପଥରେ ଚାଲେ; ମାତ୍ର ଯେ ଅନୁଯୋଗ ତ୍ୟାଗ କରେ, ସେ ଭ୍ରାନ୍ତ ହୁଏ ।
\s5
\v 18 ଯେ ହିଂସା ଆଚ୍ଛାଦନ କରେ, ତାହାର ଓଷ୍ଠାଧର ମିଥ୍ୟାବାଦୀ; ପୁଣି, ଯେ ଅପବାଦ ରଚନା କରେ, ସେ ଅଜ୍ଞାନ ।
\v 19 ବହୁ ବାକ୍ୟରେ ଅଧର୍ମର ଅଭାବ ନ ଥାଏ, ମାତ୍ର ଯେ ଆପଣା ଓଷ୍ଠାଧରକୁ ଦମନ କରେ, ସେ ବୁଦ୍ଧିମାନ୍ ।
\s5
\v 20 ଧାର୍ମିକର ଜିହ୍ୱା ମନୋନୀତ ରୂପା ତୁଲ୍ୟ, ମାତ୍ର ଦୁଷ୍ଟର ହୃଦୟ ଅଳ୍ପ ମୂଲ୍ୟ ।
\v 21 ଧାର୍ମିକର ଓଷ୍ଠାଧର ଅନେକଙ୍କୁ ପ୍ରତିପାଳନ କରେ, ମାତ୍ର ଅଜ୍ଞାନମାନେ ନିର୍ବୋଧତା ସକାଶୁ ମରନ୍ତି ।
\s5
\v 22 ସଦାପ୍ରଭୁଙ୍କ ଆଶୀର୍ବାଦ ଧନବାନ କରେ, ପୁଣି, ସେ ତାହା ସଙ୍ଗରେ ଦୁଃଖ ଯୋଗ କରନ୍ତି ନାହିଁ ।
\v 23 କୁକ୍ରିୟା କରିବାର ଅଜ୍ଞାନର କୌତୁକ, ସେହିପରି ଜ୍ଞାନ ବୁଦ୍ଧିମାନ୍ ଲୋକର ।
\s5
\v 24 ଦୁଷ୍ଟ ଲୋକ ଯାହା ଭୟ କରେ, ତାହା ହିଁ ତାହା ପ୍ରତି; ମାତ୍ର ଧାର୍ମିକର ମନୋବାଞ୍ଛା ତାହାକୁ ଦିଆଯିବ ।
\v 25 ଘୂର୍ଣ୍ଣିବାୟୁ ବହିଲେ ଦୁଷ୍ଟ ଆଉ ନ ଥାଏ, ମାତ୍ର ଧାର୍ମିକ ଅନନ୍ତକାଳସ୍ଥାୟୀ ମୂଳଦୁଆ ସ୍ୱରୂପ ।
\s5
\v 26 ଯେପରି ଦନ୍ତକୁ କଟୁ ରସ ଓ ଚକ୍ଷୁକୁ ଧୂଆଁ, ସେପରି ଆପଣା ପ୍ରେରକମାନଙ୍କ ପ୍ରତି ଅଳସୁଆ ।
\v 27 ସଦାପ୍ରଭୁଙ୍କ ବିଷୟକ ଭୟ ଦିନ ବଢ଼ାଏ, ମାତ୍ର ଦୁଷ୍ଟର ବର୍ଷ ଊଣା କରାଯିବ ।
\s5
\v 28 ଧାର୍ମିକର ଆଶା ଆନନ୍ଦଜନକ ହେବ, ମାତ୍ର ଦୁଷ୍ଟର ଭରସା କ୍ଷୟ ପାଇବ ।
\v 29 ସଦାପ୍ରଭୁଙ୍କ ପଥ ସରଳାଚାରୀମାନଙ୍କ ପ୍ରତି ଦୃଢ଼ ଗଡ଼; ମାତ୍ର କୁକର୍ମକାରୀମାନଙ୍କ ପ୍ରତି ତାହା ବିନାଶଜନକ ।
\v 30 ଧାର୍ମିକ କେବେ ହେଁ ଘୁଞ୍ଚା ଯିବ ନାହିଁ; ମାତ୍ର ଦୁଷ୍ଟ ଦେଶବାସୀ ହେବ ନାହିଁ ।
\s5
\v 31 ଧାର୍ମିକର ମୁଖ ଜ୍ଞାନ ଜନ୍ମାଏ, ମାତ୍ର କୁଟିଳବାଦୀ ଜିହ୍ୱା ଉଚ୍ଛିନ୍ନ ହେବ ।
\v 32 ଧାର୍ମିକର ଓଷ୍ଠାଧର ତୁଷ୍ଟିକର କଥା ଜାଣେ, ମାତ୍ର ଦୁଷ୍ଟର ମୁଖ କୁଟିଳ କଥା କହେ ।
\s5
\c 11
\p
\v 1 ଅଯଥାର୍ଥ ନିକ୍ତି ସଦାପ୍ରଭୁଙ୍କର ଘୃଣା ବିଷୟ । ମାତ୍ର ଯଥାର୍ଥ ବଟଖରା ତାହାଙ୍କର ତୁଷ୍ଟିକର ।
\v 2 ଅହଙ୍କାର ଆସିଲେ ଲଜ୍ଜା ଆସେ; ମାତ୍ର ନମ୍ରଶୀଳ ଲୋକଠାରେ ଜ୍ଞାନ ଥାଏ ।
\s5
\v 3 ସରଳାଚାରୀମାନଙ୍କ ସରଳତା ସେମାନଙ୍କୁ ପଥ ଦେଖାଇବ, ମାତ୍ର ବିଶ୍ୱାସଘାତକମାନଙ୍କ କୁଟିଳାଚରଣ ସେମାନଙ୍କୁ ନାଶ କରିବ ।
\v 4 କ୍ରୋଧର ଦିନରେ ଧନ ନିଷ୍ଫଳ, ମାତ୍ର ଧାର୍ମିକତା ମୃତ୍ୟୁରୁ ରକ୍ଷା କରେ ।
\s5
\v 5 ସାଧୁର ଧାର୍ମିକତା ତାହାର ପଥ ନିର୍ଦ୍ଦେଶ କରିବ, ମାତ୍ର ଦୁଷ୍ଟ ଆପଣା ଦୁଷ୍ଟତାରେ ନିପାତିତ ହେବ ।
\v 6 ସରଳ ଲୋକଙ୍କର ଧାର୍ମିକତା ସେମାନଙ୍କୁ ଉଦ୍ଧାର କରେ, ମାତ୍ର ବିଶ୍ୱାସଘାତକମାନେ ଆପଣା ଆପଣା କୁଅଭିଳାଷରେ ଧରା ପଡ଼ିବେ ।
\s5
\v 7 ଦୁଷ୍ଟ ମଲେ, ତାହାର ଭରସା ନଷ୍ଟ ହୁଏ ଓ ଅଧାର୍ମିକମାନଙ୍କର ଆଶା ବିନଷ୍ଟ ହୁଏ ।
\v 8 ଧାର୍ମିକ ଦୁଃଖରୁ ଉଦ୍ଧାର ପାଏ, ପୁଣି, ଦୁଷ୍ଟ ତାହା ବଦଳେ ତହିଁକୁୁ ଆସେ ।
\s5
\v 9 ଧର୍ମହୀନ ଲୋକ ଆପଣା ମୁଖରେ ପ୍ରତିବାସୀକୁ ନାଶ କରେ, ମାତ୍ର ଧାର୍ମିକ ଜ୍ଞାନରେ ଉଦ୍ଧାର ପ୍ରାପ୍ତ ହୁଏ ।
\v 10 ଧାର୍ମିକର ମଙ୍ଗଳ ହେଲେ, ନଗର ଆନନ୍ଦ କରେ; ପୁଣି, ଦୁଷ୍ଟର ବିନାଶ ହେଲେ, ଜୟଧ୍ୱନି ହୁଏ ।
\v 11 ସରଳ ଲୋକର ଆଶୀର୍ବାଦରେ ନଗର ଉନ୍ନତ ହୁଏ, ମାତ୍ର ଦୁଷ୍ଟ ଲୋକର ମୁଖରେ ତାହାର ନିପାତ ହୁଏ ।
\s5
\v 12 ଯେ ଆପଣା ପ୍ରତିବାସୀକୁ ତୁଚ୍ଛ କରେ, ସେ ନିର୍ବୋଧ; ମାତ୍ର ବୁଦ୍ଧିମାନ୍ ତୁନି ହୋଇ ରହେ ।
\v 13 ଯେ ଖଚୁଆ ହୋଇ ବୁଲେ, ସେ ଗୁପ୍ତ କଥା ପ୍ରକାଶ କରେ, ମାତ୍ର ଯାହାର ବିଶ୍ୱସ୍ତ ମନ, ସେ କଥା ଗୁପ୍ତରେ ରଖେ ।
\s5
\v 14 ସୁପରାମର୍ଶ ଅଭାବରେ ଜାତିର ପତନ ହୁଏ, ପୁଣି, ବହୁସଂଖ୍ୟକ ପରାମର୍ଶଦାତାଙ୍କ ଉପରେ ଜାତିର ନିରାପତ୍ତା ନିର୍ଭର କରେ ।
\s5
\v 15 ଅଜଣା ଲୋକ ପାଇଁ ଯେ ମଧ୍ୟସ୍ଥ ହୁଏ, ସେ ଅବଶ୍ୟ କ୍ଳେଶ ପାଏ; ମାତ୍ର ମଧ୍ୟସ୍ଥ ହେବାକୁ ଯେ ଘୃଣା କରେ, ସେ ନିରାପଦରେ ଥାଏ ।
\v 16 ଅନୁଗ୍ରହଜନିକା ସ୍ତ୍ରୀ ଗୌରବ ଧରି ରଖେ, ପୁଣି, ଉପଦ୍ରବୀ ଲୋକେ ସମ୍ପତ୍ତି ଧରି ରଖନ୍ତି ।
\s5
\v 17 ଦୟାଳୁ ଲୋକ ଆପଣା ପ୍ରାଣର ହିତ କରେ; ମାତ୍ର ଯେ ନିର୍ଦ୍ଦୟ, ସେ ଆପଣା ଦେହକୁ ଦୁଃଖ ଦିଏ ।
\v 18 ଦୁଷ୍ଟ ଲୋକ ମିଥ୍ୟା ଉପାର୍ଜ୍ଜନ କରେ, ମାତ୍ର ଯେ ଧର୍ମବୀଜ ବୁଣେ, ତାହାର ନିଶ୍ଚିତ ପୁରସ୍କାର ଅଛି ।
\s5
\v 19 ଯେଉଁ ଲୋକ ଧାର୍ମିକତାରେ ଅଟଳ ଥାଏ, ସେ ଜୀବନ ପାଇବ; ପୁଣି, କୁକର୍ମର ପଛେ ଯେ ଧାଏଁ, ସେ ଆପଣା ମୃତ୍ୟୁ ଘଟାଏ ।
\v 20 କୁଟିଳମନା ଲୋକେ ସଦାପ୍ରଭୁଙ୍କର ଘୃଣାପାତ୍ର, ମାତ୍ର ସରଳାଚାରୀମାନେ ତାହାଙ୍କର ତୁଷ୍ଟିକର ।
\s5
\v 21 ମନ୍ଦ ଲୋକ ହାତ ଧରାଧରି ହେଲେ ହେଁ ଅଦଣ୍ଡିତ ନୋହିବେ, ମାତ୍ର ଧାର୍ମିକର ବଂଶ ରକ୍ଷା ପ୍ରାପ୍ତ ହେବେ ।
\v 22 ଘୁଷୁରିର ଥୋମଣିରେ ଯେପରି ସୁବର୍ଣ୍ଣ ନଥ, ସେପରି ସୁବିଚାରତ୍ୟାଗିନୀ ରୂପବତୀ ସ୍ତ୍ରୀ ।
\s5
\v 23 ଧାର୍ମିକମାନଙ୍କ ବାଞ୍ଛାର ଫଳ କେବଳ ମଙ୍ଗଳ, ମାତ୍ର ଦୁଷ୍ଟମାନଙ୍କ ଭରସାର ଫଳ କ୍ରୋଧ ।
\v 24 କେହି କେହି ବିତରଣ କରି ଆହୁରି ବଢ଼ନ୍ତି, ପୁଣି, କେହି କେହି ଉଚିତ୍ ବ୍ୟୟ ଅସ୍ୱୀକାର କଲେ ହେଁ ତହିଁରୁ କେବଳ ଅଭାବ ଜନ୍ମେ ।
\s5
\v 25 ଦାନଶୀଳ ପ୍ରାଣୀ ପରିତୃପ୍ତ ହେବ, ଆହୁରି, ଜଳସେଚନକାରୀ ଆପେ ମଧ୍ୟ ଜଳରେ ସେଚିତ ହେବ ।
\v 26 ଶସ୍ୟ ଯେ ଅଟକ କରି ରଖେ, ତାହାକୁ ଲୋକମାନେ ଅଭିଶାପ ଦେବେ, ମାତ୍ର ଯେଉଁ ବ୍ୟକ୍ତି ତାହା ବିକ୍ରୟ କରେ, ତାହାର ମସ୍ତକରେ ଆଶୀର୍ବାଦ ବର୍ତ୍ତେ ।
\s5
\v 27 ଯେଉଁ ବ୍ୟକ୍ତି ଯତ୍ନରେ ହିତ ଚେଷ୍ଟା କରେ, ସେ ଅନୁଗ୍ରହ ପାଏ, ପୁଣି ଯେ ପରର ମନ୍ଦ କରିବାକୁ ଖୋଜେ, ତାହା ପ୍ରତି ତାହା ହିଁ ଘଟିବ ।
\v 28 ଆପଣା ଧନରେ ଯେ ନିର୍ଭର ରଖେ, ସେ ପତିତ ହେବ; ମାତ୍ର ଧାର୍ମିକ ଲୋକ ସତେଜ ପତ୍ର ପରି ପ୍ରଫୁଲ୍ଲ ହେବ ।
\s5
\v 29 ଆପଣା ପରିବାରକୁ ଯେ ଦୁଃଖ ଦିଏ, ସେ ବାୟୁରୂପ ଅଧିକାର ପାଏ; ପୁଣି, ଅଜ୍ଞାନ ବିଜ୍ଞ ବ୍ୟକ୍ତିର ଦାସ ହେବ ।
\s5
\v 30 ଧାର୍ମିକର ଫଳ ଜୀବନଦାୟକ ବୃକ୍ଷ ଅଟେ, ପୁଣି, ଯେ ଜ୍ଞାନବାନ୍୍, ସେ ଅନ୍ୟମାନଙ୍କର ଆତ୍ମା ଲାଭ କରେ ।
\v 31 ଦେଖ, ପୃଥିବୀରେ ଧାର୍ମିକଗଣ ହିଁ ପ୍ରତିଫଳ ପା'ନ୍ତି, ତେବେ ଦୁଷ୍ଟ ଓ ପାପୀଗଣ କ'ଣ ତତୋଧିକ ପାଇବେ ନାହିଁ ?
\s5
\c 12
\p
\v 1 ଯେଉଁ ଲୋକ ଶାସନ ଭଲ ପାଏ, ସେ ଜ୍ଞାନ ଭଲ ପାଏ; ମାତ୍ର ଯେ ଅନୁଯୋଗ ଘୃଣା କରେ, ସେ ପଶୁ ତୁଲ୍ୟ ।
\v 2 ସତ୍‍-ଲୋକ ସଦାପ୍ରଭୁଙ୍କଠାରୁ ଅନୁଗ୍ରହ ପାଇବ, ମାତ୍ର କୁକଳ୍ପନାକାରୀକୁ ସେ ଦୋଷୀ କରିବେ ।
\s5
\v 3 ଦୁଷ୍ଟତା ଦ୍ୱାରା କୌଣସି ମନୁଷ୍ୟ ସୁସ୍ଥିର ହେବ ନାହିଁ, କିନ୍ତୁ ଧାର୍ମିକର ମୂଳ କେବେ ଘୁଞ୍ଚା ଯିବ ନାହିଁ ।
\v 4 ଗୁଣବତୀ ସ୍ତ୍ରୀ ଆପଣା ସ୍ୱାମୀର ମୁକୁଟ ସ୍ୱରୂପ; ମାତ୍ର ଲଜ୍ଜାଦାୟିନୀ ସ୍ତ୍ରୀ ତାହାର ହାଡ଼ସବୁର କ୍ଷୟ ସ୍ୱରୂପ ।
\s5
\v 5 ଧାର୍ମିକମାନଙ୍କର ସଙ୍କଳ୍ପ ଯଥାର୍ଥ; ମାତ୍ର ଦୁଷ୍ଟମାନଙ୍କର ପରାମର୍ଶ ପ୍ରବଞ୍ଚନାଯୁକ୍ତ ।
\v 6 ଦୁଷ୍ଟମାନେ ରକ୍ତପାତ କରିବା ପାଇଁ ଛକି ବସିବାର କଥା କହନ୍ତି, ମାତ୍ର ସରଳ ଲୋକମାନଙ୍କର ମୁଖ ସେମାନଙ୍କୁ ରକ୍ଷା କରେ ।
\s5
\v 7 ଦୁଷ୍ଟମାନେ ଉତ୍ପାଟିତ ହୋଇ ଆଉ ନ ଥାଆନ୍ତି, ମାତ୍ର ଧାର୍ମିକମାନଙ୍କର ଗୃହ ସ୍ଥାୟୀ ହେବ ।
\v 8 ମନୁଷ୍ୟ ଆପଣା ସୁବୁଦ୍ଧି ଅନୁସାରେ ପ୍ରଶଂସା ପାଇବ, ମାତ୍ର ଯାହାର କୁଟିଳ ଅନ୍ତଃକରଣ, ସେ ତୁଚ୍ଛୀକୃତ ହେବ ।
\s5
\v 9 ଯେଉଁ ଲୋକ ତୁଚ୍ଛୀକୃତ, ଆଉ ଯାହାର ଦାସ ଅଛି, ସେ ଖାଦ୍ୟହୀନ ଆତ୍ମପ୍ରଶଂସୀଠାରୁ ଶ୍ରେଷ୍ଠ ।
\v 10 ଧାର୍ମିକ ମନୁଷ୍ୟ ଆପଣା ପଶୁର ପ୍ରାଣକୁ ଆଦର କରେ, ମାତ୍ର ଦୁଷ୍ଟମାନଙ୍କର କରୁଣା ନିଷ୍ଠୁର ।
\s5
\v 11 ଯେ ଆପଣା ଭୂମି ଚାଷ କରେ, ସେ ଯଥେଷ୍ଟ ଆହାର ପାଇବ; ମାତ୍ର ଯେ ଅସାର ବିଷୟରେ ପ୍ରବୃତ୍ତ ହୁଏ, ସେ ବୁଦ୍ଧିହୀନ ।
\v 12 ଦୁଷ୍ଟ ଲୋକ କୁକର୍ମକାରୀମାନଙ୍କ ଜାଲକୁ ଲୋଭ କରେ; ମାତ୍ର ଧାର୍ମିକର ମୂଳ ଫଳଦାୟକ ।
\s5
\v 13 ଓଷ୍ଠର ଅଧର୍ମରେ ଦୁଷ୍ଟର ଫାନ୍ଦ ଥାଏ, ମାତ୍ର ଧାର୍ମିକ ଦୁଃଖରୁ ଉଦ୍ଧାର ପାଇବ ।
\v 14 ମନୁଷ୍ୟ ଆପଣା ମୁଖର ଫଳ ଦ୍ୱାରା ମଙ୍ଗଳରେ ପରିତୃପ୍ତ ହେବ, ପୁଣି, ମନୁଷ୍ୟର ହସ୍ତକୃତ କର୍ମଫଳ ତାହାକୁ ଦିଆଯିବ ।
\s5
\v 15 ଅଜ୍ଞାନର ପଥ ତାହାର ନିଜ ଦୃଷ୍ଟିରେ ଯଥାର୍ଥ; ମାତ୍ର ଯେ ଜ୍ଞାନବାନ୍, ସେ ପରାମର୍ଶ ଶୁଣେ ।
\v 16 ଅଜ୍ଞାନର ବିରକ୍ତି ହଠାତ୍‍ ପ୍ରକାଶ ପାଏ; ମାତ୍ର ଚତୁର ଲୋକ ଲଜ୍ଜା ଢାଙ୍କେ ।
\s5
\v 17 ସତ୍ୟବାଦୀ ଧାର୍ମିକତା ପ୍ରକାଶ କରେ; ମାତ୍ର ମିଥ୍ୟାସାକ୍ଷୀ ପ୍ରବଞ୍ଚନା ପ୍ରକାଶ କରେ ।
\v 18 କାହାର କାହାର ବାଚାଳତା ଖଡ଼୍‍ଗାଘାତ ପରି; ମାତ୍ର ଜ୍ଞାନୀର ଜିହ୍ୱା ସ୍ୱାସ୍ଥ୍ୟଜନକ ।
\s5
\v 19 ସତ୍ୟବାଦୀ ଓଷ୍ଠ ନିତ୍ୟସ୍ଥାୟୀ ହେବ; ମାତ୍ର ମିଥ୍ୟାବାଦୀ ଜିହ୍ୱା ପଲକ ମାତ୍ର ।
\v 20 ଅନିଷ୍ଟଚିନ୍ତାକାରୀର ହୃଦୟରେ ପ୍ରବଞ୍ଚନା ଥାଏ; ମାତ୍ର ଶାନ୍ତି-ପରାମର୍ଶଦାତାମାନଙ୍କର ଆନନ୍ଦ ହୁଏ ।
\s5
\v 21 ଧାର୍ମିକ ପ୍ରତି କୌଣସି ବିପଦ ଘଟିବ ନାହିଁ; ମାତ୍ର ଦୁଷ୍ଟ ଲୋକ ଅନିଷ୍ଟରେ ପରିପୂର୍ଣ୍ଣ ହେବ ।
\v 22 ମିଥ୍ୟାବାଦୀ ଓଷ୍ଠ ସଦାପ୍ରଭୁଙ୍କ ଘୃଣା ବିଷୟ; ମାତ୍ର ଯେଉଁମାନେ ସତ୍ୟ ବ୍ୟବହାର କରନ୍ତି, ସେମାନେ ତାହାଙ୍କର ତୁଷ୍ଟିକର ।
\s5
\v 23 ଚତୁର ଲୋକ ଜ୍ଞାନ ଆଚ୍ଛାଦନ କରେ; ମାତ୍ର ମୂର୍ଖମାନଙ୍କର ମନ ଅଜ୍ଞାନତା ପ୍ରକାଶ କରେ ।
\v 24 କର୍ମଶୀଳର ହସ୍ତ କର୍ତ୍ତୃତ୍ୱ କରିବ; ମାତ୍ର ଅଳସୁଆ ଲୋକ ବେଠି କରିବ ।
\s5
\v 25 ମନୁଷ୍ୟର ଚିନ୍ତା ମନକୁ ନତ କରେ; ମାତ୍ର ମଙ୍ଗଳର ବାକ୍ୟ ତାହାର ହରଷ ଜନ୍ମାଏ ।
\v 26 ଧାର୍ମିକ ଲୋକ ଆପଣା ପ୍ରତିବାସୀର ପଥଦର୍ଶକ; ମାତ୍ର ଦୁଷ୍ଟମାନଙ୍କ ପଥ ସେମାନଙ୍କୁ ଭୁଲାଏ ।
\s5
\v 27 ଅଳସୁଆ ମୃଗୟାରେ ଧରିଲା ପଶୁକୁ ପାକ କରେ ନାହିଁ; ମାତ୍ର ମନୁଷ୍ୟମାନଙ୍କର ବହୁମୂଲ୍ୟ ସମ୍ପତ୍ତି ପରିଶ୍ରମୀର ପକ୍ଷରେ ।
\v 28 ଧାର୍ମିକତାରୂପ ପଥରେ ଜୀବନ ଥାଏ; ପୁଣି, ତହିଁର ଗମନ-ମାର୍ଗରେ ମୃତ୍ୟୁ ନ ଥାଏ ।
\s5
\c 13
\s ଜ୍ଞାନବାନ୍
\p
\v 1 ଜ୍ଞାନବାନ୍ ପୁତ୍ର ଆପଣା ପିତାର ଉପଦେଶ ଶୁଣେ; ମାତ୍ର ନିନ୍ଦକ ଅନୁଯୋଗ ଶୁଣେ ନାହିଁ ।
\v 2 ମନୁଷ୍ୟ ଆପଣା ମୁଖର ଫଳ ଦ୍ୱାରା ମଙ୍ଗଳ ଭୋଗ କରେ; ମାତ୍ର ବିଶ୍ୱାସଘାତକର ପ୍ରାଣ ଦୌରାତ୍ମ୍ୟ ଭୋଗ କରେ ।
\s5
\v 3 ଯେଉଁ ଲୋକ ଆପଣା ମୁଖରେ ପ୍ରହରୀ ରଖେ, ସେ ଆପଣା ପ୍ରାଣ ରକ୍ଷା କରେ; ମାତ୍ର ଯେକେହି ଚିନ୍ତା ନ କରି କଥା କହେ, ତାହାର ବିନାଶ ହେବ ।
\v 4 ଅଳସୁଆ ମନରେ ବାଞ୍ଛା କଲେ ହେଁ କିଛି ପାଏ ନାହିଁ, ମାତ୍ର କର୍ମଶୀଳ ପ୍ରାଣ ହୃଷ୍ଟପୁଷ୍ଟ ହେବ ।
\s5
\v 5 ଧାର୍ମିକ ଲୋକ ମିଥ୍ୟାକୁ ଘୃଣା କରେ; ମାତ୍ର ଦୁଷ୍ଟ ଲୋକ ଦୁର୍ଗନ୍ଧ ସ୍ୱରୂପ, ଆଉ ସେ ଲଜ୍ଜା ଭୋଗ କରେ ।
\v 6 ଧାର୍ମିକତା ସରଳ-ପଥଗାମୀକୁ ରକ୍ଷା କରେ; ମାତ୍ର ଦୁଷ୍ଟତା ପାପୀକୁ ଓଲଟାଇ ପକାଏ ।
\s5
\v 7 କେହି ଆପଣାକୁ ଧନୀ ଦେଖାଏ, କିନ୍ତୁ ତାହାର କିଛି ହିଁ ନାହିଁ; କେହି ବା ଆପଣାକୁ ଦରିଦ୍ର ଦେଖାଏ, କିନ୍ତୁ ତାହାର ମହାଧନ ଅଛି ।
\v 8 ମନୁଷ୍ୟର ଧନ ତାହାର ପ୍ରାଣର ପ୍ରାୟଶ୍ଚିତ୍ତ ସ୍ୱରୂପ; ମାତ୍ର ଦରିଦ୍ର ଲୋକ ଧମକ ଶୁଣେ ନାହିଁ ।
\s5
\v 9 ଧାର୍ମିକର ଦୀପ୍ତି ଆନନ୍ଦ କରେ; ମାତ୍ର ଦୁଷ୍ଟମାନଙ୍କର ପ୍ରଦୀପ ନିଭାଯିବ ।
\v 10 ଅହଙ୍କାରରୁ କେବଳ କଳି ଉତ୍ପନ୍ନ ହୁଏ; ମାତ୍ର ସୁପରାମର୍ଶ-ଗ୍ରାହକଠାରେ ଜ୍ଞାନ ଅଛି ।
\s5
\v 11 ମିଥ୍ୟାରେ ପ୍ରାପ୍ତ ଧନ କ୍ଷୟ ପାଇବ, ମାତ୍ର ହସ୍ତରେ ଅର୍ଜିତ ଧନ ବଢ଼ିଯିବ ।
\v 12 ଆଶାସିଦ୍ଧିର ବିଳମ୍ବ ମନର ପୀଡ଼ାଜନକ; ମାତ୍ର ବାଞ୍ଛାର ସିଦ୍ଧି ଜୀବନ-ବୃକ୍ଷ ସ୍ୱରୂପ ।
\s5
\v 13 ଯେଉଁ ଲୋକ ଉପଦେଶ ତୁଚ୍ଛ କରେ, ସେ ଆପଣା ଉପରକୁ ବିନାଶ ଆଣେ; ମାତ୍ର ଯେ ଆଜ୍ଞାକୁ ଭୟ କରେ, ସେ ପୁରସ୍କାର ପ୍ରାପ୍ତ ହେବ ।
\v 14 ମୃତ୍ୟୁର ଫାନ୍ଦରୁ ଫେରାଇବା ପାଇଁ ଜ୍ଞାନବାନ୍ର ବ୍ୟବସ୍ଥା ଜୀବନ-ଝର ସ୍ୱରୂପ ଅଟେ ।
\s5
\v 15 ସୁବୁଦ୍ଧିର ଫଳ ଅନୁଗ୍ରହ, ମାତ୍ର ବିଶ୍ୱାସଘାତକର ପଥ କଠିନ ଅଟେ ।
\v 16 ପ୍ରତ୍ୟେକ ଚତୁର ଲୋକ ବୁଦ୍ଧିରେ କର୍ମ କରେ; ମାତ୍ର ମୂର୍ଖ ଅଜ୍ଞାନତା ବିସ୍ତାର କରେ ।
\s5
\v 17 ଦୁଷ୍ଟ ବାର୍ତ୍ତାବାହକ ଆପଦରେ ପଡ଼େ; ମାତ୍ର ବିଶ୍ୱସ୍ତ ଦୂତ ସ୍ୱାସ୍ଥ୍ୟଜନକ ।
\v 18 ଯେଉଁ ଜନ ଶାସନ ଅଗ୍ରାହ୍ୟ କରେ, ସେ ଦରିଦ୍ରତା ଓ ଲଜ୍ଜା ପାଏ; ମାତ୍ର ଯେ ଅନୁଯୋଗ ଘେନେ, ସେ ମର୍ଯ୍ୟାଦା ପାଇବ ।
\s5
\v 19 ବାଞ୍ଛାସିଦ୍ଧି ପ୍ରାଣକୁ ମିଷ୍ଟ ଲାଗେ; ପୁଣି, ମନ୍ଦ ତ୍ୟାଗ କରିବାର ମୂର୍ଖ ଲୋକର ଘୃଣା ବିଷୟ ।
\v 20 ଜ୍ଞାନୀ ସଙ୍ଗରେ ଗମନାଗମନ କର, ତହିଁରେ ତୁମ୍ଭେ ଜ୍ଞାନୀ ହେବ; ମାତ୍ର ମୂର୍ଖମାନଙ୍କର ସଙ୍ଗୀ କ୍ଳେଶ ପାଇବ ।
\s5
\v 21 ପାପୀମାନଙ୍କ ପଛେ ମନ୍ଦ ଗୋଡ଼ାଏ; ମାତ୍ର ଧାର୍ମିକମାନଙ୍କୁ ମଙ୍ଗଳରୂପ ପୁରସ୍କାର ଦତ୍ତ ହେବ ।
\v 22 ଉତ୍ତମ ଲୋକ ଆପଣା ପୌତ୍ରମାନଙ୍କ ପାଇଁ ଅଧିକାର ଛାଡ଼ିଯାଏ; ମାତ୍ର ପାପୀର ଧନ ଧାର୍ମିକମାନଙ୍କ ପାଇଁ ସଞ୍ଚିତ ହୁଏ ।
\s5
\v 23 ଦରିଦ୍ରର ଚାଷ ଦ୍ୱାରା ଖାଦ୍ୟର ବାହୁଲ୍ୟ ହୁଏ; ମାତ୍ର ଅନ୍ୟାୟ ସକାଶୁ କାହାର କାହାର ବିନାଶ ହୁଏ ।
\v 24 ଯେ ବାଡ଼ି ବ୍ୟବହାର କରିବାକୁ ତ୍ରୁଟି କରେ, ସେ ଆପଣା ପୁତ୍ରକୁ ଘୃଣା କରେ; ପୁଣି ଯେ ତାହାକୁ ପ୍ରେମ କରେ, ସେ ଯଥାକାଳରେ ଶାସ୍ତି ଦିଏ ।
\s5
\v 25 ଧାର୍ମିକ ଆପଣା ପ୍ରାଣର ତୃପ୍ତି ପର୍ଯ୍ୟନ୍ତ ଖାଏ, ମାତ୍ର ପାପୀର ଉଦର ଅତୃପ୍ତ ଥାଏ ।
\s5
\c 14
\p
\v 1 ଜ୍ଞାନବତୀ ସ୍ତ୍ରୀ ଆପଣା ଗୃହ ଗୁନ୍ଥେ; ମାତ୍ର ଅଜ୍ଞାନ ସ୍ୱହସ୍ତରେ ତାହା ଭାଙ୍ଗି ପକାଏ ।
\v 2 ଯେ ଆପଣା ସରଳତାରେ ଆଚରଣ କରେ, ସେ ସଦାପ୍ରଭୁଙ୍କୁ ଭୟ କରେ; ମାତ୍ର ବିପଥଗାମୀ ତାହାଙ୍କୁ ତୁଚ୍ଛ କରେ ।
\s5
\v 3 ଅଜ୍ଞାନର ମୁଖରେ ଅହଙ୍କାରର ଠେଙ୍ଗା ଥାଏ; ମାତ୍ର ଜ୍ଞାନବାନ୍ ଲୋକଙ୍କ ଓଷ୍ଠାଧର ସେମାନଙ୍କୁ ରକ୍ଷା କରେ ।
\v 4 ଗୋରୁ ନ ଥିଲେ, କୁଣ୍ଡ ନିର୍ମଳ ଥାଏ; ପୁଣି, ଗୋରୁର ବଳରେ ବହୁ ସମ୍ପତ୍ତି ଉତ୍ପନ୍ନ ହୁଏ ।
\s5
\v 5 ବିଶ୍ୱସ୍ତ ସାକ୍ଷୀ ମିଥ୍ୟା କହେ ନାହିଁ; କିନ୍ତୁ ଅସତ୍ୟ ସାକ୍ଷୀ ମିଥ୍ୟା ଉଚ୍ଚାରଣ କରେ ।
\v 6 ନିନ୍ଦକ ଜ୍ଞାନ ଖୋଜିଲେ ପାଏ ନାହିଁ; ମାତ୍ର ବୁଦ୍ଧିମାନ୍ ପାଇଁ ବିଦ୍ୟା ସହଜ ।
\s5
\v 7 ମୂର୍ଖ ନିକଟକୁ ଗଲେ, ତୁମ୍ଭେ ତାହାର ଜ୍ଞାନଯୁକ୍ତ ଓଷ୍ଠାଧର ଦେଖିବ ନାହିଁ ।
\v 8 ଆପଣା ପଥ ବିବେଚନା କରିବା ଚତୁର ଲୋକର ଜ୍ଞାନ; ମାତ୍ର ପ୍ରବଞ୍ଚନା ମୂର୍ଖମାନଙ୍କର ଅଜ୍ଞାନତା ମାତ୍ର ।
\s5
\v 9 ଅଜ୍ଞାନମାନେ ଦୋଷକୁ କୌତୁକ ମଣନ୍ତି; ମାତ୍ର ସରଳ ଲୋକମାନଙ୍କ ମଧ୍ୟରେ ଅନୁଗ୍ରହ ଥାଏ ।
\v 10 ଅନ୍ତଃକରଣ ଆପଣାର ତିକ୍ତତା ଜାଣେ; ପୁଣି, ଅପରିଚିତ ଲୋକ ତାହାର ଆନନ୍ଦରେ ଭାଗୀ ହୁଏ ନାହିଁ ।
\s5
\v 11 ଦୁଷ୍ଟମାନଙ୍କ ଗୃହ ନିପାତ ହେବ; ମାତ୍ର ସରଳ ଲୋକମାନଙ୍କ ତମ୍ବୁ ଉନ୍ନତ ହେବ ।
\v 12 ମନୁଷ୍ୟର ଦୃଷ୍ଟିରେ କୌଣସି କୌଣସି ପଥ ସରଳ ଦେଖାଯାଏ; ମାତ୍ର ତାହାର ଶେଷରେ ମୃତ୍ୟୁର ପଥ ଥାଏ ।
\s5
\v 13 ହାସ୍ୟକାଳରେ ମଧ୍ୟ ମନୋଦୁଃଖ ହୁଏ; ପୁଣି, ଆନନ୍ଦର ଶେଷ ଶୋକ ।
\v 14 ଅନ୍ତଃକରଣରେ ବିପଥଗାମୀ ଆପଣା ଆଚରଣର ଫଳରେ ପରିପୂର୍ଣ୍ଣ ହେବ; ପୁଣି, ଉତ୍ତମ ଲୋକ ଆପଣାରୁ ପରିତୃପ୍ତ ହେବ ।
\s5
\v 15 ନିର୍ବୋଧ ଲୋକ ସବୁ କଥା ବିଶ୍ୱାସ କରେ; ମାତ୍ର ଚତୁର ଲୋକ ଆପଣାର ସବୁ ଗତି ଭଲ କରି ବୁଝେ ।
\v 16 ଜ୍ଞାନୀ ଲୋକ ଭୟ କରେ ଓ ମନ୍ଦକୁ ଛାଡ଼ି ଦିଏ; ମାତ୍ର ମୂର୍ଖ ଲୋକ ଦାମ୍ଭିକଭାବ ବହି ଦୁଃସାହସୀ ହୁଏ ।
\s5
\v 17 ଯେ ହଠାତ୍‍ କ୍ରୋଧୀ, ସେ ଅଜ୍ଞାନର କର୍ମ କରେ; ପୁଣି, କୁକଳ୍ପନାକାରୀ ନିର୍ବୋଧ ମନୁଷ୍ୟ ଘୃଣାର ପାତ୍ର ।
\v 18 ଅସତର୍କ ଲୋକମାନେ ଅଜ୍ଞାନତାରୂପ ଅଧିକାର ପା'ନ୍ତି; ମାତ୍ର ଚତୁର ଲୋକେ ଜ୍ଞାନରୂପ ମୁକୁଟରେ ବିଭୂଷିତ ହୁଅନ୍ତି ।
\s5
\v 19 ମନ୍ଦ ଲୋକେ ଉତ୍ତମ ଲୋକମାନଙ୍କ ଛାମୁରେ ଓ ଦୁଷ୍ଟମାନେ ଧାର୍ମିକଗଣର ଦ୍ୱାରରେ ଦଣ୍ଡବତ କରନ୍ତି ।
\v 20 ଦରିଦ୍ର ଆପଣା ପ୍ରତିବାସୀର ହିଁ ଘୃଣିତ ହୁଏ; ମାତ୍ର ଧନବାନର ଅନେକ ବନ୍ଧୁ ଥା'ନ୍ତି ।
\s5
\v 21 ଯେଉଁ ଲୋକ ପ୍ରତିବାସୀକୁ ତୁଚ୍ଛ ବୋଧ କରେ, ସେ ପାପ କରେ; ମାତ୍ର ଯେଉଁ ଜନ ଦରିଦ୍ରକୁ ଦୟା କରେ, ସେ ଧନ୍ୟ ।
\v 22 ଅନିଷ୍ଟଚିନ୍ତାକାରୀଗଣ କ'ଣ ଭ୍ରାନ୍ତ ହୁଅନ୍ତି ନାହିଁ ? ମାତ୍ର ମଙ୍ଗଳଚିନ୍ତାକାରୀଗଣ ପ୍ରତି ଦୟା ଓ ସତ୍ୟତା ବର୍ତ୍ତେ ।
\s5
\v 23 ସବୁ ପ୍ରକାର ପରିଶ୍ରମରେ ଫଳ ଅଛି; ପୁଣି, ଓଷ୍ଠାଧରର କଥାମାତ୍ର କେବଳ ଦରିଦ୍ରତାରେ ପ୍ରବର୍ତ୍ତାଏ ।
\v 24 ଜ୍ଞାନୀମାନଙ୍କ ମୁକୁଟ ସେମାନଙ୍କର ଧନ; ପୁଣି, ମୂର୍ଖମାନଙ୍କର ଅଜ୍ଞାନତା କେବଳ ଅଜ୍ଞାନତା ।
\s5
\v 25 ସତ୍ୟ ସାକ୍ଷୀ ଅନ୍ୟର ଜୀବନକୁ ରକ୍ଷା କରେ; ମାତ୍ର ମିଥ୍ୟାବାଦୀ ପ୍ରବଞ୍ଚନାଜନକ ।
\s5
\v 26 ସଦାପ୍ରଭୁ ବିଷୟକ ଭୟ ଦୃଢ଼ ବିଶ୍ୱାସଭୂମି; ଆଉ, ତାହାଙ୍କ ସନ୍ତାନମାନେ ଆଶ୍ରୟ ସ୍ଥାନ ପାଇବେ ।
\v 27 ମୃତ୍ୟୁର ଫାନ୍ଦରୁ ଫେରାଇବା ପାଇଁ ସଦାପ୍ରଭୁ ବିଷୟକ ଭୟ ଜୀବନର ଝର ସ୍ୱରୂପ ।
\s5
\v 28 ପ୍ରଜା ବାହୁଲ୍ୟରେ ରାଜାର ସମ୍ଭ୍ରମ; ପୁଣି, ପ୍ରଜା ଅଭାବରେ ଭୂପତିର ବିନାଶ ।
\v 29 ଯେ କ୍ରୋଧ କରିବାରେ ଧୀର, ସେ ବଡ଼ ବୁଦ୍ଧିମାନ୍; ପୁଣି, ହଠାତ୍‍ କ୍ରୋଧୀ ଅଜ୍ଞାନତାରୂପ ଧ୍ୱଜା ଟେକେ ।
\s5
\v 30 ଶାନ୍ତ ଅନ୍ତଃକରଣ ଦେହର ଜୀବନ ସ୍ୱରୂପ; ପୁଣି, ଈର୍ଷା ହାଡ଼ର କ୍ଷୟ ସ୍ୱରୂପ ।
\v 31 ଯେଉଁ ଲୋକ ଦୀନହୀନ ପ୍ରତି ଉପଦ୍ରବ କରେ, ସେ ତାହାର ସୃଷ୍ଟିକର୍ତ୍ତାଙ୍କୁ ନିନ୍ଦା କରେ; ପୁଣି, ଯେ ଦରିଦ୍ରକୁ ଦୟା କରେ, ସେ ତାହାଙ୍କୁ ଆଦର କରେ ।
\s5
\v 32 ଦୁଷ୍ଟ ଲୋକ ଆପଣା ମନ୍ଦକର୍ମରେ ବିନାଶ ହୁଏ , ମାତ୍ର ମରଣକାଳରେ ଧାର୍ମିକର ଆଶ୍ରୟ ଥାଏ ।
\v 33 ଜ୍ଞାନ ବୁଦ୍ଧିମାନ୍ର ହୃଦୟରେ ଥାଏ; ପୁଣି, ମୂର୍ଖର ଆନ୍ତରିକ ଭାବ ଜଣାଯିବ ।
\s5
\v 34 ଧାର୍ମିକତା ରାଜ୍ୟର ଉନ୍ନତି ଜନ୍ମାଏ; ମାତ୍ର ପାପ ନରଗଣର ଅପମାନ ।
\v 35 ବୁଦ୍ଧିମାନ୍ ଦାସ ରାଜାଙ୍କର ଅନୁଗ୍ରହପାତ୍ର; ପୁଣି, ଯେ ଲଜ୍ଜା ଜନ୍ମାଏ, ତାହା ପ୍ରତି ସେ କ୍ରୋଧ କରନ୍ତି ।
\s5
\c 15
\p
\v 1 କୋମଳ ଉତ୍ତର କ୍ରୋଧକୁ ଦମନ କରେ; ମାତ୍ର କଟୁ ବାକ୍ୟ କୋପ ଜନ୍ମାଏ ।
\v 2 ଜ୍ଞାନୀମାନଙ୍କ ଜିହ୍ୱା ପ୍ରକୃତ ରୂପେ ଜ୍ଞାନ ବ୍ୟକ୍ତ କରେ; ମାତ୍ର ମୂର୍ଖମାନଙ୍କର ମୁଖ ଅଜ୍ଞାନତା ଉଦ୍‍ଗାର କରେ ।
\s5
\v 3 ସଦାପ୍ରଭୁଙ୍କ ଚକ୍ଷୁ ସବୁଠାରେ ଥାଇ ଅଧମ ଓ ଉତ୍ତମ ଲୋକଙ୍କୁ ନିରୀକ୍ଷଣ କରେ ।
\v 4 ଶାନ୍ତ ଜିହ୍ୱା ଜୀବନ-ବୃକ୍ଷ ସ୍ୱରୂପ; ପୁଣି, କୁଟିଳ ଜିହ୍ୱା ଆତ୍ମା ଭଙ୍ଗ କରେ ।
\s5
\v 5 ଅଜ୍ଞାନ ଆପଣା ପିତାର ଶାସନ ହେଳା କରେ; ପୁଣି, ଅନୁଯୋଗ ଯେ ଘେନେ, ସେ ବୁଦ୍ଧି ପ୍ରାପ୍ତ ହୁଏ ।
\v 6 ଧାର୍ମିକର ଗୃହରେ ବହୁ ସମ୍ପତ୍ତି ଥାଏ; ପୁଣି, ଦୁଷ୍ଟର ଆୟରେ କ୍ଳେଶ ଥାଏ ।
\s5
\v 7 ଜ୍ଞାନବାନ୍ର ଓଷ୍ଠାଧର ବିଦ୍ୟା ବିତରଣ କରେ; ମାତ୍ର ମୂର୍ଖର ମନ ସେପରି କରେ ନାହିଁ ।
\v 8 ଦୁଷ୍ଟମାନଙ୍କ ବଳିଦାନ ସଦାପ୍ରଭୁଙ୍କଠାରେ ଘୃଣାର ବିଷୟ ଅଟେ; ମାତ୍ର ସରଳ ଲୋକଙ୍କର ପ୍ରାର୍ଥନା ତାହାଙ୍କର ତୁଷ୍ଟିକର ।
\s5
\v 9 ଦୁଷ୍ଟର ଗତି ସଦାପ୍ରଭୁଙ୍କର ଘୃଣାର ବିଷୟ; ମାତ୍ର ଧାର୍ମିକତାର ଅନୁଗାମୀକୁ ସେ ପ୍ରେମ କରନ୍ତି ।
\v 10 ବିପଥଗାମୀ ପ୍ରତି ଦୁଃଖଦାୟକ ଶାସ୍ତି ଘଟେ; ପୁଣି, ଯେଉଁ ଲୋକ ଅନୁଯୋଗ ଘୃଣା କରେ, ସେ ମରିବ ।
\s5
\v 11 ପାତାଳ ଓ ବିନାଶ-ସ୍ଥାନ ସଦାପ୍ରଭୁଙ୍କ ଅଗ୍ରବର୍ତ୍ତୀ ଥାଏ; ତେବେ ମନୁଷ୍ୟ-ସନ୍ତାନଗଣର ଅନ୍ତଃକରଣ କି ତତୋଧିକ ନୁହେଁ ?
\v 12 ନିନ୍ଦକ ଅନୁଯୋଗ ପାଇବାକୁ ଭଲ ପାଏ ନାହିଁ, ସେ ଜ୍ଞାନୀର ନିକଟକୁ ଯାଏ ନାହିଁ ।
\s5
\v 13 ଆନନ୍ଦିତ ମନ ମୁଖକୁ ପ୍ରଫୁଲ୍ଲ କରେ; ପୁଣି, ମନର ଶୋକରେ ଆତ୍ମା ଭଗ୍ନ ହୁଏ ।
\v 14 ବୁଦ୍ଧିମାନ୍ର ମନ ଜ୍ଞାନ ଖୋଜେ; ମାତ୍ର ମୂର୍ଖମାନଙ୍କ ମୁଖ ଅଜ୍ଞାନତା ଆହାର କରେ ।
\s5
\v 15 ଦୁଃଖୀ ଲୋକର ସବୁ ଦିନ ଅମଙ୍ଗଳ; ମାତ୍ର ଯେ ହୃଷ୍ଟଚିତ୍ତ, ତାହାର ନିତ୍ୟ ଭୋଜ ।
\v 16 ଅଶାନ୍ତିଯୁକ୍ତ ବହୁ ସମ୍ପତ୍ତି ଅପେକ୍ଷା ସଦାପ୍ରଭୁଙ୍କ ଭୟଯୁକ୍ତ ଅଳ୍ପତା ଭଲ ।
\s5
\v 17 ହିଂସା ସହିତ ହୃଷ୍ଟପୁଷ୍ଟ ଗୋମାଂସ ଭୋଜ ଅପେକ୍ଷା ପ୍ରେମ ଥିବା ସ୍ଥାନରେ ଶାକାନ୍ନ ଭଲ ।
\v 18 କ୍ରୋଧୀ ଲୋକ କଳି ଜନ୍ମାଏ; ପୁଣି, କୋପ କରିବାକୁ ଧୀର ଲୋକ ବିବାଦ କ୍ଷାନ୍ତ କରେ ।
\s5
\v 19 ଅଳସର ବାଟ କଣ୍ଟାବାଡ଼ ପରି, ମାତ୍ର ସରଳାଚାରୀର ପଥ ରାଜଦାଣ୍ଡ ତୁଲ୍ୟ କରାଯାଏ ।
\v 20 ଜ୍ଞାନୀ ପୁତ୍ର ପିତାର ଆହ୍ଲାଦ ଜନ୍ମାଏ; ମାତ୍ର ମୂର୍ଖ ପୁତ୍ର ଆପଣା ମାତାକୁ ତୁଚ୍ଛ କରେ ।
\s5
\v 21 ନିର୍ବୋଧ ପ୍ରତି ଅଜ୍ଞାନତା ଆନନ୍ଦଜନକ; ମାତ୍ର ବୁଦ୍ଧିମାନ୍ ଲୋକ ଆପଣା ଗତି ସରଳ କରେ ।
\v 22 ମନ୍ତ୍ରଣା ଅଭାବରେ ସଙ୍କଳ୍ପ ବିଫଳ ହୁଏ; ମାତ୍ର ବହୁତ ମନ୍ତ୍ରୀ ଦ୍ୱାରା ତାହା ସ୍ଥିରୀକୃତ ହୁଏ ।
\s5
\v 23 ଆପଣା ମୁଖର ଉତ୍ତରରେ ମନୁଷ୍ୟର ଆନନ୍ଦ ହୁଏ, ପୁଣି ଯଥାକାଳର କଥା କିପରି ଉତ୍ତମ !
\v 24 ନୀଚସ୍ଥିତ ପାତାଳକୁ ତ୍ୟାଗ କରିବା ପାଇଁ ବୁଦ୍ଧିମାନ୍ ଲୋକ ନିମନ୍ତେ ଜୀବନର ପଥ ଊର୍ଦ୍ଧ୍ୱଗାମୀ ।
\s5
\v 25 ଗର୍ବୀ ଲୋକର ଗୃହ ସଦାପ୍ରଭୁ ଓପାଡ଼ି ପକାଇବେ; ମାତ୍ର ବିଧବାର ସୀମା ସେ ସ୍ଥିର କରିବେ;
\v 26 କୁସଙ୍କଳ୍ପ ସଦାପ୍ରଭୁଙ୍କ ନିକଟରେ ଘୃଣାର ବିଷୟ; ମାତ୍ର ମନୋହର କଥା ଶୁଚି ।
\s5
\v 27 ଲୋଭୀ ଆପଣା ପରିଜନକୁ ଦୁଃଖ ଦିଏ, ମାତ୍ର ଯେଉଁ ଲୋକ ଲାଞ୍ଚ ଘୃଣା କରେ, ସେ ବଞ୍ଚିବ ।
\v 28 ଧାର୍ମିକର ମନ ବିବେଚନା କରି ଉତ୍ତର ଦିଏ; ମାତ୍ର ଦୁଷ୍ଟମାନଙ୍କ ମୁଖ ମନ୍ଦ କଥା ଢାଳି ପକାଏ ।
\s5
\v 29 ସଦାପ୍ରଭୁ ଦୁଷ୍ଟମାନଙ୍କଠାରୁ ଦୂରରେ ଥାଆନ୍ତି; ପୁଣି, ଧାର୍ମିକମାନଙ୍କର ପ୍ରାର୍ଥନା ସେ ଶୁଣନ୍ତି ।
\v 30 ଚକ୍ଷୁର ଦୀପ୍ତି ମନକୁ ଆନନ୍ଦିତ କରେ; ପୁଣି, ଉତ୍ତମ ସମାଚାର ହାଡ଼ର ପୁଷ୍ଟି କରେ ।
\s5
\v 31 ଯେଉଁ କର୍ଣ୍ଣ ଜୀବନଦାୟକ ଅନୁଯୋଗ ଶୁଣେ, ତାହା ଜ୍ଞାନୀମାନଙ୍କ ମଧ୍ୟରେ ବାସ କରେ ।
\v 32 ଯେଉଁ ଲୋକ ଶାସନ ଅଗ୍ରାହ୍ୟ କରେ, ସେ ଆପଣା ପ୍ରାଣକୁ ତୁଚ୍ଛ କରେ; ମାତ୍ର ଅନୁଯୋଗ ଯେ ଶୁଣେ, ସେ ବୁଦ୍ଧି ପାଏ ।
\s5
\v 33 ସଦାପ୍ରଭୁ ବିଷୟକ ଭୟ ଜ୍ଞାନଜନକ ଉପଦେଶ; ପୁଣି, ନମ୍ରତା ସମ୍ଭ୍ରମର ସମ୍ମୁଖରେ ଥାଏ ।
\s5
\c 16
\p
\v 1 ଅନ୍ତଃକରଣର କଳ୍ପନା ମନୁଷ୍ୟର ଅଟେ; ମାତ୍ର ଜିହ୍ୱାର ଉତ୍ତର ସଦାପ୍ରଭୁଙ୍କଠାରୁ ହୁଏ ।
\v 2 ମନୁଷ୍ୟର ସମସ୍ତ ଗତି ଆପଣା ଦୃଷ୍ଟିରେ ନିର୍ମଳ; ମାତ୍ର ସଦାପ୍ରଭୁ ଆତ୍ମାମାନଙ୍କୁ ତୌଲନ୍ତି ।
\s5
\v 3 ସଦାପ୍ରଭୁଙ୍କୁ ତୁମ୍ଭର କାର୍ଯ୍ୟ ସମର୍ପଣ କର, ତହିଁରେ ତୁମ୍ଭର ସଙ୍କଳ୍ପ ସ୍ଥିରୀକୃତ ହେବ ।
\v 4 ସଦାପ୍ରଭୁ ପ୍ରତ୍ୟେକ ବିଷୟକୁ ତହିଁର ନିଜ ଉଦ୍ଦେଶ୍ୟ ସାଧନ ନିମନ୍ତେ କରିଅଛନ୍ତି; ଦୁଷ୍ଟକୁ ମଧ୍ୟ ଦୁର୍ଦ୍ଦିନ ନିମନ୍ତେ ।
\s5
\v 5 ମନରେ ଗର୍ବୀ ପ୍ରତ୍ୟେକ ଲୋକ ସଦାପ୍ରଭୁଙ୍କଠାରେ ଘୃଣିତ, ହାତ ଧରାଧରି ହେଲେ ହେଁ ସେ ଅଦଣ୍ଡିତ ନୋହିବ ।
\v 6 ଦୟା ଓ ସତ୍ୟତାରେ ପାପର ପ୍ରାୟଶ୍ଚିତ୍ତ ହୁଏ, ପୁଣି, ସଦାପ୍ରଭୁ ବିଷୟକ ଭୟ ଦ୍ୱାରା ମନୁଷ୍ୟମାନେ କୁକ୍ରିୟା ତ୍ୟାଗ କରନ୍ତି ।
\s5
\v 7 ମନୁଷ୍ୟର ଗତି ସଦାପ୍ରଭୁଙ୍କର ତୁଷ୍ଟିକର ହେଲେ, ସେ ତାହାର ଶତ୍ରୁମାନଙ୍କୁ ମଧ୍ୟ ତାହା ସହିତ ଶାନ୍ତିରେ ବାସ କରାନ୍ତି ।
\v 8 ଅନ୍ୟାୟ ସହିତ ପ୍ରଚୁର ଆୟରୁ ଧାର୍ମିକତା ସହିତ ଅଳ୍ପ ଭଲ ।
\s5
\v 9 ମନୁଷ୍ୟର ମନ ଆପଣା ପଥ ବିଷୟ କଳ୍ପନା କରେ; ମାତ୍ର ସଦାପ୍ରଭୁ ତାହାର ଗତି ନିରୂପଣ କରନ୍ତି ।
\v 10 ରାଜାର ଓଷ୍ଠରେ ଦିବ୍ୟ-ବାକ୍ୟ ଥାଏ, ତାହାର ମୁଖ ବିଚାରରେ ସତ୍ୟ ଲଙ୍ଘନ କରିବ ନାହିଁ ।
\s5
\v 11 ଯଥାର୍ଥ ବିଶା ଓ ଦଣ୍ଡି ସଦାପ୍ରଭୁଙ୍କର ଓ ଥଳୀରେ ଥିବା ବଟଖରାସବୁ ତାହାଙ୍କର କର୍ମ ।
\v 12 କୁକର୍ମ କରିବାର ରାଜାମାନଙ୍କର ଘୃଣା ବିଷୟ; ଯେହେତୁ ଧାର୍ମିକତାରେ ସିଂହାସନ ସ୍ଥିରୀକୃତ ହୁଏ ।
\s5
\v 13 ଧର୍ମଯୁକ୍ତ ଓଷ୍ଠ ରାଜାମାନଙ୍କର ତୁଷ୍ଟିକର, ପୁଣି, ଯଥାର୍ଥବାଦୀକୁ ସେମାନେ ପ୍ରେମ କରନ୍ତି ।
\v 14 ରାଜାର କ୍ରୋଧ ମୃତ୍ୟୁର ଦୂତ ପରି; ମାତ୍ର ଜ୍ଞାନୀ ଲୋକ ତାହା ଶାନ୍ତ କରେ ।
\s5
\v 15 ରାଜାର ପ୍ରସନ୍ନ ବଦନରେ ଜୀବନ ଥାଏ, ପୁଣି ତାହାର ଅନୁଗ୍ରହ ଶେଷ ବର୍ଷାର ମେଘ ସ୍ୱରୂପ
\v 16 ସୁନା ଅପେକ୍ଷା ଜ୍ଞାନ ଲାଭ କରିବା, ପୁଣି, ରୂପା ଅପେକ୍ଷା ବରଞ୍ଚ ସୁବିବେଚନା ଲାଭ ମନୋନୀତ କରିବାର କିପରି ଉତ୍ତମ !
\s5
\v 17 ମନ୍ଦତା ତ୍ୟାଗ କରିବାର ସରଳ ଲୋକମାନଙ୍କର ରାଜଦାଣ୍ଡ, ଯେଉଁ ଲୋକ ଆପଣା ପଥ ଜଗି ଚାଲେ, ସେ ଆପଣା ପ୍ରାଣ ରକ୍ଷା କରେ ।
\v 18 ଅହଙ୍କାର ସର୍ବନାଶର ସମ୍ମୁଖରେ ଥାଏ, ପୁଣି, ଦାମ୍ଭିକ ମନ ପତନର ସମ୍ମୁଖରେ ଥାଏ ।
\s5
\v 19 ଅହଙ୍କାରୀମାନଙ୍କ ସହିତ ଲୁଟିତ ଦ୍ରବ୍ୟ ଭାଗ କରିବା ଅପେକ୍ଷା ଦୀନାତ୍ମା ସହିତ ନମ୍ର ହେବାର ଭଲ ।
\v 20 ଯେଉଁ ଲୋକ ପରମେଶ୍ୱରଙ୍କ ବାକ୍ୟରେ ମନୋଯୋଗ କରେ, ସେ ମଙ୍ଗଳ ପାଏ, ପୁଣି ସଦାପ୍ରଭୁଙ୍କଠାରେ ଯେ ନିର୍ଭର କରେ, ସେ ଧନ୍ୟ ।
\s5
\v 21 ମନରେ ଜ୍ଞାନୀ ଲୋକ ବୁଦ୍ଧିମାନ୍୍ ବିଖ୍ୟାତ ହୁଏ, ପୁଣି, ଓଷ୍ଠାଧରର ମିଷ୍ଟତା ପାଣ୍ଡିତ୍ୟ ବଢ଼ାଏ ।
\v 22 ସଦ୍‍ବୁଦ୍ଧି, ତାହା ପାଇଥିବା ଲୋକ ପ୍ରତି ଜୀବନର ଝର ସ୍ୱରୂପ ଅଟେ; ମାତ୍ର ଅଜ୍ଞାନତା ଅଜ୍ଞାନମାନଙ୍କର ଶାସ୍ତି ।
\s5
\v 23 ଜ୍ଞାନବାନ୍ର ହୃଦୟ ଆପଣା ମୁଖକୁ ଶିକ୍ଷା ଦିଏ, ପୁଣି, ତାହାର ବାକ୍ୟ ପାଣ୍ଡିତ୍ୟ ବଢ଼ାଏ ।
\v 24 ମନୋହର ଭାଷା ମଧୁଚାକ ସଦୃଶ, ତାହା ମନକୁ ସୁମିଷ୍ଟ, ଅସ୍ଥିକୁ ସ୍ୱାସ୍ଥ୍ୟ ।
\s5
\v 25 ମନୁଷ୍ୟର ଦୃଷ୍ଟିରେ କୌଣସି କୌଣସି ପଥ ସରଳ ଦିଶେ, ମାତ୍ର ତହିଁର ଶେଷରେ ମୃତ୍ୟୁର ପଥ ଥାଏ ।
\v 26 ପରିଶ୍ରମକାରୀର କ୍ଷୁଧା ତାହା ନିମନ୍ତେ ପରିଶ୍ରମ କରେ, ଯେହେତୁ ତାହାର ମୁଖ ତହିଁ ପାଇଁ ତାହାକୁ ବାଧ୍ୟ କରେ ।
\s5
\v 27 ପାପାଧମ ଲୋକ ଅନିଷ୍ଟ କଳ୍ପନା କରେ, ପୁଣି, ତାହାର ଓଷ୍ଠରେ ଜ୍ୱଳନ୍ତା ଅଗ୍ନି ପରି ଥାଏ ।
\v 28 କୁଟିଳ ମନୁଷ୍ୟ କଳି ବୁଣେ, ପୁଣି କର୍ଣ୍ଣେଜପ ବିଶେଷ ମିତ୍ରଗଣକୁ ବିଭିନ୍ନ କରେ ।
\s5
\v 29 ଅତ୍ୟାଚାରୀ ଆପଣା ପ୍ରତିବାସୀକୁ ଭୁଲାଏ, ପୁଣି, ତାହାକୁ କୁପଥରେ କଢ଼ାଇ ନିଏ ।
\v 30 ଯେଉଁ ଲୋକ ଆପଣା ଚକ୍ଷୁ ମୁଦେ, ସେ କୁଟିଳ ବିଷୟ କଳ୍ପନା କରିବାକୁ ତାହା କରେ; ଯେ ଆପଣା ଓଷ୍ଠାଧରକୁ ଚିପେ, ସେ ମନ୍ଦକର୍ମ ସିଦ୍ଧ କରେ ।
\s5
\v 31 ପକ୍ୱ କେଶ ଶୋଭାଜନକ ମୁକୁଟ, ତାହା ଧର୍ମ-ପଥରେ ପ୍ରାପ୍ତ ହୁଏ ।
\v 32 ଯେ କ୍ରୋଧରେ ଧୀର, ସେ ବୀର ଅପେକ୍ଷା ଶ୍ରେଷ୍ଠ; ପୁଣି, ଯେ ନିଜ ଆତ୍ମା ଉପରେ କର୍ତ୍ତୃତ୍ୱ କରେ, ସେ ନଗର ଜୟକାରୀ ଅପେକ୍ଷା ଭଲ ।
\s5
\v 33 ଗୁଲିବାଣ୍ଟ କୋଳରେ ପକାଯାଏ, ମାତ୍ର ତହିଁର ନିଷ୍ପତ୍ତି ସଦାପ୍ରଭୁଙ୍କଠାରୁ ହୁଏ ।
\s5
\c 17
\p
\v 1 ବିବାଦଯୁକ୍ତ ଭୋଜରେ ପୂର୍ଣ୍ଣ ଗୃହ ଅପେକ୍ଷା ଶାନ୍ତି ସହିତ ଶୁଖିଲା ରୁଟି ଖଣ୍ଡେ ଭଲ ।
\v 2 ଯେଉଁ ଦାସ ବୁଦ୍ଧିପୂର୍ବକ ଚଳେ, ସେ ଲଜ୍ଜାଦାୟୀ ପୁତ୍ର ଉପରେ କର୍ତ୍ତୃତ୍ୱ କରେ, ପୁଣି, ଭାଇମାନଙ୍କ ସଙ୍ଗରେ ଅଧିକାରର ବାଣ୍ଟ ପାଏ ।
\s5
\v 3 କୋୟିରେ ରୂପାର ଓ ଉହ୍ମାଇରେ ସୁନାର ପରୀକ୍ଷା ହୁଏ; ମାତ୍ର ସଦାପ୍ରଭୁ ଅନ୍ତଃକରଣର ପରୀକ୍ଷା କରନ୍ତି ।
\v 4 କୁକ୍ରିୟାକାରୀ ଲୋକ ଦୁଷ୍ଟ ଓଷ୍ଠାଧରର କଥା ଶୁଣେ, ପୁଣି, ମିଥ୍ୟାବାଦୀ ହିଂସ୍ର ଜିହ୍ୱାରେ କର୍ଣ୍ଣପାତ କରେ ।
\s5
\v 5 ଯେଉଁ ଲୋକ ଦରିଦ୍ରକୁ ପରିହାସ କରେ, ସେ ତାହାର ସୃଷ୍ଟିକର୍ତ୍ତାଙ୍କୁ ନିନ୍ଦା କରେ; ପୁଣି, ବିପଦରେ ଯେ ଆନନ୍ଦ କରେ, ସେ ଅଦଣ୍ଡିତ ରହିବ ନାହିଁ ।
\v 6 ସନ୍ତାନଗଣର ସନ୍ତାନମାନେ ବୃଦ୍ଧ ଲୋକମାନଙ୍କର ମୁକୁଟ; ପୁଣି, ସନ୍ତାନମାନଙ୍କର ଗୌରବ ସେମାନଙ୍କ ପିତୃଗଣ ।
\s5
\v 7 ବାକ୍‍ପଟୁ ଓଷ୍ଠ ମୂଢ଼ର ଅନୁପଯୁକ୍ତ, ମିଥ୍ୟାବାଦୀ ଓଷ୍ଠାଧର କୁଳୀନର ଅଧିକ ଅନୁପଯୁକ୍ତ ।
\v 8 ଗ୍ରାହକର ଦୃଷ୍ଟିରେ ଦାନ ବହୁମୂଲ୍ୟ ମଣି ତୁଲ୍ୟ, ତାହା ଯେଉଁ ଦିଗରେ ଫେରେ, ସେହି ଦିଗରେ ସଫଳ ହୁଏ ।
\s5
\v 9 ଯେ ଅଧର୍ମ କ୍ଷମା କରେ, ସେ ପ୍ରେମ ଖୋଜେ; ମାତ୍ର ଯେ ପୁନଃ ପୁନଃ ଗୋଟିଏ କଥା ଉତ୍‍ଥାପନ କରେ, ସେ ବିଶେଷ ମିତ୍ରଗଣକୁ ଅଲଗା କରେ ।
\v 10 ମୂର୍ଖକୁ ଶହେ ମାଡ଼ ଅପେକ୍ଷା ବୁଦ୍ଧିମାନ୍କୁ ପଦେ ଅନୁଯୋଗ ଅଧିକ କାଟେ ।
\s5
\v 11 ଦୁର୍ଜ୍ଜନ କେବଳ ବିଦ୍ରୋହ ଖୋଜେ, ଏଣୁ ତାହା ବିରୁଦ୍ଧରେ ନିଷ୍ଠୁର ଦୂତ ପଠାଯିବ ।
\v 12 ଛୁଆହରା ଭଲ୍ଲୂକୀ ପଛେ ମନୁଷ୍ୟକୁ ଭେଟୁ, ନିଜ ଅଜ୍ଞାନତାରେ ମଗ୍ନ ମୂର୍ଖ ନ ଭେଟୁ ।
\s5
\v 13 ଯେଉଁ ଲୋକ ଭଲ ବଦଳେ ମନ୍ଦ କରେ, ତାହାର ଗୃହକୁ ମନ୍ଦ କେବେ ଛାଡ଼ିବ ନାହିଁ ।
\v 14 କଳିର ଆରମ୍ଭ କେହି ବନ୍ଧ କାଟି ଜଳ ଛାଡ଼ି ଦେବା ପରି; ଏଣୁ କନ୍ଦଳ ହେବା ପୂର୍ବେ ବିବାଦ ଛାଡ଼ ।
\s5
\v 15 ଯେ ଦୁଷ୍ଟକୁ ନିର୍ଦ୍ଦୋଷ କରେ ଓ ଯେ ଧାର୍ମିକକୁ ଦୋଷୀ କରେ, ସେ ଦୁହେଁ ସଦାପ୍ରଭୁଙ୍କଠାରେ ସମାନ ରୂପେ ଘୃଣିତ ।
\v 16 ଜ୍ଞାନ କ୍ରୟ କରିବା ନିମନ୍ତେ ମୂର୍ଖ ହାତରେ କାହିଁକି ଧନ ଥାଏ ? ତାହାର ତ ବୁଦ୍ଧି ନାହିଁ ।
\s5
\v 17 ବନ୍ଧୁ ସବୁବେଳେ ପ୍ରେମ କରେ, ପୁଣି ଭାଇ ଦୁର୍ଦ୍ଦଶା କାଳ ନିମନ୍ତେ ଜାତ ଅଟେ
\v 18 ନିର୍ବୋଧ ଲୋକ ହାତ ଦେଇ ଆପଣା ପ୍ରତିବାସୀ ସାକ୍ଷାତରେ ଲଗା ହୁଏ ।
\s5
\v 19 ଯେ କଳି ଭଲ ପାଏ, ସେ ଅପରାଧ ହିଁ ଭଲ ପାଏ; ପୁଣି, ଯେକେହି ଆପଣା ଦ୍ୱାର ଉଚ୍ଚ କରେ, ସେ ବିନାଶ ଖୋଜେ ।
\v 20 ଯାହାର କୁଟିଳ ଅନ୍ତଃକରଣ, ସେ ମଙ୍ଗଳ ପାଏ ନାହିଁ; ପୁଣି, ଯାହାର ବକ୍ରବାଦୀ ଜିହ୍ୱା, ସେ ଆପଦରେ ପଡ଼େ ।
\s5
\v 21 ମୂର୍ଖର ଜନ୍ମଦାତା ଆପଣାର ଶୋକ ସଞ୍ଚୟ କରେ; ପୁଣି, ମୂଢ଼ର ପିତା ଆନନ୍ଦ ପାଏ ନାହିଁ ।
\v 22 ଆନନ୍ଦିତ ହୃଦୟ ଉତ୍ତମ ଔଷଧ; ମାତ୍ର ଭଗ୍ନ ଆତ୍ମା ଅସ୍ଥିସବୁକୁ ଶୁଷ୍କ କରେ ।
\s5
\v 23 ଦୁଷ୍ଟ ଲୋକ ବିଚାରର ମାର୍ଗ ବଙ୍କା କରିବାକୁ ଅଣ୍ଟାରୁ ଲାଞ୍ଚ ନିଏ ।
\v 24 ବୁଦ୍ଧିମାନ୍ର ସମ୍ମୁଖରେ ଜ୍ଞାନ ଥାଏ, ମାତ୍ର ମୂର୍ଖର ଦୃଷ୍ଟି ପୃଥିବୀର ପ୍ରାନ୍ତରେ ଥାଏ ।
\s5
\v 25 ମୂର୍ଖ ପୁତ୍ର ଆପଣା ପିତାର ଶୋକ ଓ ଆପଣା ଜନନୀର ଦୁଃଖର କାରଣ ହୁଏ ।
\v 26 ଧାର୍ମିକକୁ ଶାସ୍ତି ଦେବାର ଅବା କୁଳୀନ ଲୋକଙ୍କୁ ସେମାନଙ୍କ ସରଳତା ସକାଶୁ ପ୍ରହାର କରିବାର ଉଚିତ ନୁହେଁ ।
\s5
\v 27 ଯେ ଅଳ୍ପ ବାକ୍ୟ ବ୍ୟୟ କରେ, ତାହାର ଜ୍ଞାନ ଥାଏ; ପୁଣି, ଯାହାର ଶାନ୍ତ ଆତ୍ମା, ସେ ବୁଦ୍ଧିମାନ୍ ।
\v 28 ଅଜ୍ଞାନ ହିଁ ତୁନି ହେଲେ, ଜ୍ଞାନବାନ୍ ଗଣିତ ହୁଏ; ପୁଣି, ସେ ଆପଣା ଓଷ୍ଠ ବନ୍ଦ କଲେ, ବୁଦ୍ଧିମାନ୍ ଗଣିତ ହୁଏ ।
\s5
\c 18
\p
\v 1 ଯେ ଆପଣାକୁ ପୃଥକ କରେ, ସେ ଆପଣା ଇଷ୍ଟ ଚେଷ୍ଟା କରେ ଓ ସର୍ବପ୍ରକାର ତତ୍ତ୍ୱଜ୍ଞାନ ବିରୁଦ୍ଧରେ କନ୍ଦଳ କରେ ।
\v 2 ମୂର୍ଖ ଲୋକ ବୁଦ୍ଧିରେ ସନ୍ତୋଷ ପାଏ ନାହିଁ, କେବଳ ଆପଣା ମନର କଥା ପ୍ରକାଶ କରିବାରେ ସନ୍ତୋଷ ପାଏ ।
\s5
\v 3 ଦୁଷ୍ଟ ଆସିଲେ ଅବଜ୍ଞା ଆସେ, ପୁଣି, ଅପମାନ ସଙ୍ଗେ ଦୁର୍ନାମ ଆସେ ।
\v 4 ମନୁଷ୍ୟର ମୁଖର ବାକ୍ୟ ଗଭୀର ଜଳ ତୁଲ୍ୟ, ପୁଣି, ଜ୍ଞାନର ଉତ୍ପତ୍ତି ସ୍ଥାନ ଜଳସ୍ରୋତ ସଦୃଶ ।
\s5
\v 5 ଦୁଷ୍ଟର ମୁଖାପେକ୍ଷା କରିବାର ଅବା ବିଚାରରେ ଧାର୍ମିକ ପ୍ରତି ଅନ୍ୟାୟ କରିବାର ଭଲ ନୁହେଁ ।
\v 6 ମୂର୍ଖର ଓଷ୍ଠ ବିବାଦରେ ପ୍ରବର୍ତ୍ତେ, ପୁଣି, ତାହାର ମୁଖ ମାଡ଼ ଖାଇବାକୁ ଡାକେ ।
\s5
\v 7 ମୂର୍ଖର ମୁଖ ତାହାର ବିନାଶର କାରଣ, ପୁଣି, ତାହାର ଓଷ୍ଠ ଆପଣା ପ୍ରାଣର ଫାନ୍ଦ ସ୍ୱରୂପ ।
\v 8 କାନେ କାନେ କହିବା ଲୋକର ବାକ୍ୟ ଅମୃତ ତୁଲ୍ୟ, ତାହା ଉଦରର ଅନ୍ତରାଳୟକୁ ଚାଲିଯାଏ ।
\s5
\v 9 ଆପଣା କାର୍ଯ୍ୟରେ ଯେ ଅଳସ, ସେ ବିନାଶକର ଭାଇ ।
\v 10 ସଦାପ୍ରଭୁଙ୍କ ନାମ ଦୃଢ଼ ଗଡ଼ ଧାର୍ମିକ ଲୋକ ତହିଁକୁ ପଳାଇ ରକ୍ଷା ପାଏ ।
\s5
\v 11 ଧନବାନର ଧନ ତାହାର ଦୃଢ଼ ନଗର, ପୁଣି, ତାହାର ବୋଧରେ ଉଚ୍ଚ ପ୍ରାଚୀର ସ୍ୱରୂପ ।
\v 12 ବିନାଶ ସମ୍ମୁଖରେ ମନୁଷ୍ୟର ମନ ଗର୍ବିତ ହୁଏ, ପୁଣି, ନମ୍ରତା ସମ୍ଭ୍ରମର ସମ୍ମୁଖବର୍ତ୍ତୀ ।
\s5
\v 13 ଯେ ଶୁଣିବା ପୂର୍ବେ ଉତ୍ତର କରେ, ତାହା ତାହାର ପ୍ରତି ଅଜ୍ଞାନତା ଓ ଲଜ୍ଜା ।
\v 14 ମନୁଷ୍ୟର ଆତ୍ମା ତାହାର ବ୍ୟଥା ସମ୍ଭାଳି ପାରେ; ମାତ୍ର ଭଗ୍ନ ଆତ୍ମାକୁ କିଏ ସହିପାରେ ?
\s5
\v 15 ବୁଦ୍ଧିମାନ୍ର ମନ ଜ୍ଞାନ ଉପାର୍ଜ୍ଜନ କରେ; ପୁଣି, ଜ୍ଞାନୀର କର୍ଣ୍ଣ ଜ୍ଞାନ ଖୋଜେ ।
\v 16 ମନୁଷ୍ୟର ଭେଟୀ ତାହା ପାଇଁ ପଥ ପରିଷ୍କାର କରେ, ପୁଣି, ବଡ଼ ଲୋକମାନଙ୍କ ଛାମୁକୁ ତାହାକୁ ଆଣେ ।
\s5
\v 17 ଯେଉଁ ଲୋକ ପ୍ରଥମେ ଆପଣା ବିବାଦ ଜଣାଏ, ସେ ଧାର୍ମିକ ଦେଖାଯାଏ, ମାତ୍ର ତାହାର ପ୍ରତିବାସୀ ଆସି ତାହାକୁ ପରୀକ୍ଷା କରେ ।
\v 18 ଗୁଲିବାଣ୍ଟ ବିରୋଧ ମେଣ୍ଟଣ କରେ ଓ ବଳବାନମାନଙ୍କୁ ପୃଥକ କରେ ।
\s5
\v 19 ବିରକ୍ତ ଭ୍ରାତା ଦୃଢ଼ ନଗର ଅପେକ୍ଷା ଦୁର୍ଜେୟ; ଏରୂପ ବିବାଦ ଗଡ଼ର ଅର୍ଗଳ ସ୍ୱରୂପ ।
\v 20 ମନୁଷ୍ୟର ଉଦର ତାହାର ମୁଖର ଫଳରେ ପୂର୍ଣ୍ଣ ହୁଏ, ପୁଣି, ସେ ଆପଣା ଓଷ୍ଠର ଉପାର୍ଜ୍ଜନରେ ତୃପ୍ତ ହୁଏ ।
\s5
\v 21 ମରଣ ଓ ଜୀବନ ଜିହ୍ୱାର ଅଧୀନ; ଯେଉଁମାନେ ତାକୁ ଭଲ ଜାଣନ୍ତି, ସେମାନେ ତାହାର ଫଳ ଭୋଗିବେ ।
\v 22 ଯେଉଁ ଲୋକ ଭାର୍ଯ୍ୟା ପାଏ, ସେ ଉତ୍ତମ ବସ୍ତୁ ପାଏ ଓ ସଦାପ୍ରଭୁଙ୍କଠାରୁ ଅନୁଗ୍ରହ ପାଏ ।
\s5
\v 23 ଦରିଦ୍ର ଲୋକ ବିନୟ କରେ; ମାତ୍ର ଧନବାନ କଠିନ ଉତ୍ତର ଦିଏ ।
\v 24 ଯେ ଅନେକ ମିତ୍ର କରେ, ସେ ଆପଣା ବିନାଶ ନିମନ୍ତେ ତାହା କରେ; ମାତ୍ର ଜଣେ ପ୍ରେମକାରୀ ଅଛନ୍ତି, ଯେ ଭାଇ ଅପେକ୍ଷା ଅଧିକ ନିକଟ ଲାଗି ରହନ୍ତି ।
\s5
\c 19
\p
\v 1 ଯେଉଁ ଦରିଦ୍ର ଆପଣା ସିଦ୍ଧତାରେ ଚଳେ, ସେ କୁଟିଳୋଷ୍ଠ ଓ ମୂର୍ଖ ଲୋକ ଅପେକ୍ଷା ଭଲ ।
\v 2 ମଧ୍ୟ ପ୍ରାଣ ବିଦ୍ୟାହୀନ ହେବାର ଭଲ ନୁହେଁ; ପୁଣି, ଯେ ବେଗ କରି ପାଦ ପକାଏ, ସେ ପାପ କରେ ।
\s5
\v 3 ମନୁଷ୍ୟର ଅଜ୍ଞାନତା ତାହାର ଗତି ଓଲଟାଇ ପକାଏ, ପୁଣି, ତାହାର ମନ ସଦାପ୍ରଭୁଙ୍କ ବିରୁଦ୍ଧରେ ବିରକ୍ତ ହୁଏ ।
\v 4 ଧନ ବହୁତ ମିତ୍ର ଲାଭ କରେ; ମାତ୍ର ଦରିଦ୍ର ଲୋକ ଆପଣା ମିତ୍ରଠାରୁ ଭିନ୍ନ ହୁଏ ।
\s5
\v 5 ମିଥ୍ୟାସାକ୍ଷୀ ଅଦଣ୍ଡିତ ନୋହିବ; ପୁଣି, ମିଥ୍ୟାବାଦୀ ରକ୍ଷା ପାଇବ ନାହିଁ ।
\v 6 ଅନେକେ ବଦାନ୍ୟ ଲୋକର ଅନୁଗ୍ରହ ପ୍ରାର୍ଥନା କରନ୍ତି, ପୁଣି, ପ୍ରତି ଜଣ ଦାନଶୀଳ ଲୋକର ମିତ୍ର ହୁଅନ୍ତି ।
\s5
\v 7 ଦରିଦ୍ରର ସମସ୍ତ ଭ୍ରାତା ତାହାକୁ ଘୃଣା କରନ୍ତି; ତାହାର ମିତ୍ରମାନେ ତାହାଠୁଁ କେତେ ଅଧିକ ଦୂରକୁ ନ ଯିବେ ! ସେ ଆଳାପ ଚେଷ୍ଟା କରେ, ମାତ୍ର ସେମାନେ ନାହାନ୍ତି ।
\v 8 ଯେଉଁ ଲୋକ ବୁଦ୍ଧି ଲାଭ କରେ, ସେ ଆପଣା ପ୍ରାଣକୁ ପ୍ରେମ କରେ; ଯେ ବିବେଚନା ରକ୍ଷା କରେ, ସେ ମଙ୍ଗଳ ପାଏ ।
\s5
\v 9 ମିଥ୍ୟାସାକ୍ଷୀ ଅଦଣ୍ଡିତ ନୋହିବ; ପୁଣି, ମିଥ୍ୟାବାଦୀ ବିନଷ୍ଟ ହେବ ।
\v 10 ମୂର୍ଖର ସୁଖଭୋଗ ଅନୁପଯୁକ୍ତ; ଅଧିପତିମାନଙ୍କ ଉପରେ ଦାସର କର୍ତ୍ତୃତ୍ୱ ତତୋଧିକ ଅନୁପଯୁକ୍ତ ।
\s5
\v 11 ମନୁଷ୍ୟର ସୁବୁଦ୍ଧି ତାହାକୁ କ୍ରୋଧ କରିବାକୁ ଧୀର କରେ; ପୁଣି, ଦୋଷ ଛାଡ଼ିଦେବାର ତାହାର ଭୂଷଣ ।
\v 12 ରାଜାର କୋପ ସିଂହଗର୍ଜ୍ଜନ ପରି; ମାତ୍ର ତାହାର ଅନୁଗ୍ରହ ତୃଣ ଉପରେ ଥିବା କାକର ତୁଲ୍ୟ ।
\s5
\v 13 ମୂର୍ଖ ପୁତ୍ର ତାହାର ପିତାର ଦୁଃଖଦାୟକ; ପୁଣି, ସ୍ତ୍ରୀର କଳି ଅବିରତ ବିନ୍ଦୁପାତ ପରି ।
\v 14 ଗୃହ ଓ ଧନ ପିତୃଲୋକଙ୍କଠାରୁ ପ୍ରାପ୍ତ ଅଧିକାର; ମାତ୍ର ବୁଦ୍ଧିମତୀ ଭାର୍ଯ୍ୟା ସଦାପ୍ରଭୁଙ୍କଠାରୁ ପ୍ରାପ୍ତ ହୁଏ ।
\s5
\v 15 ଆଳସ୍ୟ ଘୋର ନିଦ୍ରାରେ ପକାଏ; ପୁଣି, ଅଳସ ପ୍ରାଣୀ କ୍ଷୁଧା ଭୋଗ କରିବ ।
\v 16 ଆଜ୍ଞାପାଳନକାରୀ ଆପଣା ପ୍ରାଣ ରକ୍ଷା କରେ; ମାତ୍ର ଆପଣା ପଥ ବିଷୟରେ ଯେ ଅସାବଧାନ ହୁଏ, ସେ ମରିବ ।
\s5
\v 17 ଯେ ଦରିଦ୍ରକୁ ଦୟା କରେ, ସେ ସଦାପ୍ରଭୁଙ୍କୁ ଋଣ ଦିଏ; ପୁଣି, ସେ ତାହାର ଉତ୍ତମ କର୍ମର ପରିଶୋଧ କରିବେ ।
\v 18 ଆପଣା ପୁତ୍ରକୁ ଶାସନ କର, କାରଣ ଭରସା ଅଛି; ପୁଣି, ତୁମ୍ଭର ମନ ତାହାର ବିନାଶ ଇଚ୍ଛା ନ କରୁ ।
\s5
\v 19 ଅତି ରାଗୀ ଲୋକ ଶାସ୍ତି ଭୋଗ କରିବ, ଯେହେତୁ ତୁମ୍ଭେ ତାହାକୁ ଥରେ ଉଦ୍ଧାର କଲେ, ତାହା ତୁମ୍ଭକୁ ପୁନର୍ବାର କରିବାକୁ ହେବ ।
\v 20 ଶେଷାବସ୍ଥାରେ ତୁମ୍ଭେ ଯେପରି ଜ୍ଞାନବାନ୍ ହୁଅ, ଏଥିପାଇଁ ମନ୍ତ୍ରଣା ଶୁଣ ଓ ଉପଦେଶ ଗ୍ରହଣ କର ।
\s5
\v 21 ମନୁଷ୍ୟର ମନରେ ନାନା ସଙ୍କଳ୍ପ ଥାଏ, ମାତ୍ର ସଦାପ୍ରଭୁଙ୍କ ମନ୍ତ୍ରଣା ସ୍ଥିର ହେବ ।
\v 22 ମନୁଷ୍ୟର ବାସନା ତାହାର ଦୟାର ପରିମାଣ ଏବଂ ମିଥ୍ୟାବାଦୀ ଅପେକ୍ଷା ଦରିଦ୍ର ଲୋକ ଶ୍ରେଷ୍ଠ ।
\s5
\v 23 ସଦାପ୍ରଭୁଙ୍କ ବିଷୟକ ଭୟ ଜୀବନଦାୟକ, ତାହା ଯେଉଁ ଲୋକଠାରେ ଥାଏ, ସେ ତୃପ୍ତ ହୋଇ ବାସ କରିବ; ଆପଦ ତାହାର ନିକଟ ଦେଇ ଯିବ ନାହିଁ ।
\v 24 ଅଳସୁଆ ଆପଣା ଥାଳୀରେ ହାତ ବୁଡ଼ାଇଲେ, ଆଉ ଥରେ ତାହା ଆପଣା ମୁଖକୁ ନେବାକୁ ସୁଦ୍ଧା ଇଚ୍ଛା କରେ ନାହିଁ ।
\s5
\v 25 ନିନ୍ଦକକୁ ପ୍ରହାର କଲେ, ନିର୍ବୋଧ ଲୋକ ସତର୍କତା ଶିକ୍ଷା କରିବ; ପୁଣି, ବୁଦ୍ଧିମାନ୍କୁ ଅନୁଯୋଗ କଲେ, ସେ ଜ୍ଞାନ ବୁଝିବ ।
\s5
\v 26 ଯେଉଁ ପୁତ୍ର ଆପଣା ପିତାର ଧନ ନଷ୍ଟ କରେ, ପୁଣି, ଆପଣା ମାତାକୁ ତଡ଼ି ଦିଏ, ସେ ଲଜ୍ଜାକର ଓ ଅପମାନଜନକ ।
\v 27 ହେ ଆମ୍ଭର ପୁତ୍ର, ଯେଉଁ ଉପଦେଶ ଜ୍ଞାନର କଥାରୁ ତୁମ୍ଭକୁ ଭୁଲାଏ, ତାହା ଶୁଣିବାରୁ ନିବୃତ୍ତ ହୁଅ ।
\s5
\v 28 ପାଷାଣ୍ଡ ସାକ୍ଷୀ ନ୍ୟାୟ ବିଚାରକୁ ନିନ୍ଦା କରେ ଓ ଦୁଷ୍ଟର ମୁଖ ଅଧର୍ମ ଗିଳେ ।
\v 29 ନିନ୍ଦକମାନଙ୍କ ପାଇଁ ଦଣ୍ଡାଜ୍ଞା ଓ ମୂର୍ଖମାନଙ୍କ ପିଠି ପାଇଁ ପ୍ରହାର ପ୍ରସ୍ତୁତ ଅଛି ।
\s5
\c 20
\p
\v 1 ଦ୍ରାକ୍ଷାରସ ନିନ୍ଦକ, ମଦ୍ୟ କଳହକାରୀ; ଯେକେହି ତଦ୍ଦ୍ୱାରା ଭ୍ରାନ୍ତ ହୁଏ, ସେ ଜ୍ଞାନବାନ୍ ନୁହେଁ ।
\v 2 ରାଜାର ଭୟଙ୍କରତା ସିଂହଗର୍ଜ୍ଜନ ପରି; ଯେ ତାଙ୍କର କ୍ରୋଧ ଜନ୍ମାଏ, ସେ ଆପଣା ପ୍ରାଣ ବିରୁଦ୍ଧରେ ପାପ କରେ ।
\s5
\v 3 ବିବାଦରୁ ନିବୃତ୍ତ ହେବାର ମନୁଷ୍ୟର ଗୌରବ; ମାତ୍ର ପ୍ରତ୍ୟେକ ମୂର୍ଖ ଲୋକ କନ୍ଦଳ କରେ ।
\v 4 ଅଳସୁଆ ଶୀତ ସକାଶୁ ହଳ ବୁଲାଏ ନାହିଁ; ଏଣୁ ଶସ୍ୟ ସମୟରେ ସେ ଖୋଜିଲେ ହେଁ କିଛି ପାଏ ନାହିଁ ।
\s5
\v 5 ମନୁଷ୍ୟର ମନର ମନ୍ତ୍ରଣା ଗଭୀର ଜଳ ତୁଲ୍ୟ, ମାତ୍ର ବୁଦ୍ଧିମାନ୍ ଲୋକ ତାହା କାଢ଼ିବ ।
\v 6 ଅଧିକାଂଶ ଲୋକ ଆପଣା ଆପଣା ଦୟାଳୁତା ପ୍ରଚାର କରନ୍ତି; ମାତ୍ର ବିଶ୍ୱସ୍ତ ଲୋକ କିଏ ପାଇ ପାରେ ?
\s5
\v 7 ଯେଉଁ ଧାର୍ମିକ ଲୋକ ଆପଣା ସରଳତାରେ ଆଚରଣ କରେ, ତାହା ଉତ୍ତାରେ ତାହାର ସନ୍ତାନଗଣ ଧନ୍ୟ ହୁଅନ୍ତି ।
\v 8 ଯେଉଁ ରାଜା ବିଚାରାସନରେ ବସେ, ସେ ନିଜ ଚକ୍ଷୁ ଦ୍ୱାରା ମନ୍ଦ ବିଷୟସବୁ ଉଡ଼ାଇ ଦିଏ ।
\s5
\v 9 ଆମ୍ଭେ ଆପଣା ମନ ନିର୍ମଳ କରିଅଛୁ, ଆମ୍ଭେ ଆପଣା ପାପରୁ ପରିଷ୍କୃତ ଅଟୁ, ଏହା କିଏ କହିପାରେ ?
\v 10 ନାନା ପ୍ରକାର ବଟଖରା ଓ ନାନା ପ୍ରକାର ପରିମାଣ ଉଭୟ ସମାନ ରୂପେ ସଦାପ୍ରଭୁଙ୍କର ଘୃଣିତ ।
\s5
\v 11 ଆପଣାର କର୍ମ ନିର୍ମଳ ଓ ସରଳ କି ନାହିଁ, ଏହା ଗୋଟିଏ ପିଲା ସୁଦ୍ଧା ଆପଣାର କର୍ମ ଦ୍ୱାରା ଆପଣାର ପରିଚୟ ଦିଏ ।
\v 12 ଶୁଣିବା କାନ ଓ ଦେଖିବା ଆଖି, ଏହି ଦୁହିଁଙ୍କୁ ସଦାପ୍ରଭୁ ନିର୍ମାଣ କରିଅଛନ୍ତି ।
\s5
\v 13 ନିଦ୍ରାକୁ ଭଲ ପାଅ ନାହିଁ, ନୋହିଲେ ତୁମ୍ଭେ ଦରିଦ୍ର ହେବ; ତୁମ୍ଭ ଚକ୍ଷୁ ଫିଟାଅ, ତହିଁରେ ତୁମ୍ଭେ ଖାଦ୍ୟରେ ପରିତୃପ୍ତ ହେବ ।
\v 14 କିଣିବା ଲୋକ କହେ, ଭଲ ନୁହେଁ, ଭଲ ନୁହେଁ, ମାତ୍ର ଆପଣା ବାଟରେ ଗଲା ବେଳେ ଦର୍ପ କରେ ।
\s5
\v 15 ସୁବର୍ଣ୍ଣ ଅଛି ଓ ଅନେକ ମୁକ୍ତା ହିଁ ଅଛି, ମାତ୍ର ଜ୍ଞାନବିଶିଷ୍ଟ ଓଷ୍ଠ ଅମୂଲ୍ୟ ରତ୍ନ ।
\v 16 ଅପରିଚିତ ଲୋକ ପାଇଁ ଯେ ଲଗା ହୁଏ, ତାହାର ବସ୍ତ୍ର ନିଅ; ପୁଣି, ଯେକେହି ବିଦେଶୀ ଲୋକଙ୍କ ନିମନ୍ତେ ଜାମିନ୍‍ ହୁଏ, ତାହାକୁ ବନ୍ଧକ ରଖ ।
\s5
\v 17 ମିଥ୍ୟାଅର୍ଜିତ ଆହାର ମନୁଷ୍ୟକୁ ମିଷ୍ଟ ଲାଗେ; ମାତ୍ର ପଛେ ତାହାର ମୁଖ ଗୋଡ଼ିରେ ପୂର୍ଣ୍ଣ ହେବ ।
\v 18 ମନ୍ତ୍ରଣା ଦ୍ୱାରା ପ୍ରତ୍ୟେକ ସଙ୍କଳ୍ପ ସ୍ଥିର ହୁଏ; ପୁଣି, ତୁମ୍ଭେ ଭଲ ପରାମର୍ଶ ଘେନି ଯୁଦ୍ଧ କର ।
\s5
\v 19 ଯେ ଖଚୁଆ ହୋଇ ବୁଲେ, ସେ ଗୁପ୍ତ କଥା ପ୍ରକାଶ କରେ; ଏନିମନ୍ତେ ଯେ ଆପଣା ଓଷ୍ଠ ଖୋଲା ରଖେ, ତାହା ସଙ୍ଗରେ ବ୍ୟବହାର କର ନାହିଁ ।
\v 20 ଯେ ଆପଣା ପିତା କି ଆପଣା ମାତାକୁ ଅଭିଶାପ ଦିଏ, ଘୋର ଅନ୍ଧାରରେ ତାହାର ପ୍ରଦୀପ ନିଭାଯିବ ।
\s5
\v 21 ପ୍ରଥମରେ କୌଣସି ଅଧିକାର ହଠାତ୍‍ ମିଳିପାରେ; ମାତ୍ର ତହିଁର ଶେଷ ଆଶୀର୍ବାଦଯୁକ୍ତ ହେବ ନାହିଁ ।
\v 22 ଆମ୍ଭେ ଅନିଷ୍ଟର ପ୍ରତିଫଳ ଦେବା, ତୁମ୍ଭେ ଏପରି କଥା କୁହ ନାହିଁ, ସଦାପ୍ରଭୁଙ୍କଠାରେ ଅନୁସରଣ କର, ସେ ତୁମ୍ଭକୁ ଉଦ୍ଧାର କରିବେ ।
\s5
\v 23 ନାନା ପ୍ରକାର ବଟଖରା ସଦାପ୍ରଭୁଙ୍କ ଘୃଣାର ବିଷୟ, ପୁଣି, ଅଯଥାର୍ଥ ଦଣ୍ଡି ଭଲ ନୁହେଁ ।
\v 24 ସଦାପ୍ରଭୁଙ୍କଠାରୁ ମନୁଷ୍ୟର ପାଦଗତି ହୁଏ; ତେଣୁ ମନୁଷ୍ୟ ଆପଣା ବାଟ କିରୂପେ ବୁଝିପାରିବ ?
\s5
\v 25 ଏହା ପବିତ୍ର ବୋଲି ହଠାତ୍‍ କହିବାର ଓ ମାନତ କଲା ଉତ୍ତାରେ ବିଚାର କରିବାର, ମନୁଷ୍ୟ ପ୍ରତି ଫାନ୍ଦ ସ୍ୱରୂପ ।
\v 26 ଜ୍ଞାନୀ ରାଜା ଦୁଷ୍ଟମାନଙ୍କୁ ପାଛୁଡ଼ି ପକାଇ ସେମାନଙ୍କ ଉପରେ ଚକ୍ର ବୁଲାଏ ।
\s5
\v 27 ମନୁଷ୍ୟର ଆତ୍ମା ସଦାପ୍ରଭୁଙ୍କର ପ୍ରଦୀପ, ତାହା ଅନ୍ତରାଳୟସ୍ଥ ସବୁ ବିଷୟ ଅନୁସନ୍ଧାନ କରେ ।
\v 28 ଦୟା ଓ ସତ୍ୟତା ରାଜାକୁ ରକ୍ଷା କରେ; ପୁଣି, ଦୟା ଦ୍ୱାରା ତାହାର ସିଂହାସନ ସ୍ଥିର ହୁଏ ।
\s5
\v 29 ଯୁବାମାନଙ୍କର ବଳ ସେମାନଙ୍କର ଭୂଷଣ, ବୃଦ୍ଧମାନଙ୍କର ପକ୍ୱକେଶ ସେମାନଙ୍କର ଶୋଭା ।
\v 30 କ୍ଷତଜନକ ପ୍ରହାର ମନ୍ଦତା ପରିଷ୍କାର କରେ, ପୁଣି, ଦଣ୍ଡାଘାତ ଅନ୍ତରାଳୟରେ ପ୍ରବେଶ କରେ ।
\s5
\c 21
\p
\v 1 ରାଜାର ଅନ୍ତଃକରଣ ସଦାପ୍ରଭୁଙ୍କ ହସ୍ତରେ ଜଳପ୍ରଣାଳୀ ତୁଲ୍ୟ ଥାଏ; ସେ ଯେଉଁ ଆଡ଼େ ଇଚ୍ଛା, ସେ ଆଡ଼େ ତାହା ଫେରାନ୍ତି ।
\v 2 ମନୁଷ୍ୟର ସବୁ ଗତି ଆପଣା ଦୃଷ୍ଟିରେ ଯଥାର୍ଥ, ମାତ୍ର ସଦାପ୍ରଭୁ ହୃଦୟସବୁ ତୌଲନ୍ତି ।
\s5
\v 3 ବଳିଦାନ ଅପେକ୍ଷା ନ୍ୟାୟ ଓ ସୁବିଚାର ସଦାପ୍ରଭୁଙ୍କର ଅଧିକ ଗ୍ରାହ୍ୟ ।
\v 4 ଦୁଷ୍ଟ ଲୋକମାନଙ୍କ ପ୍ରଦୀପ ସ୍ୱରୂପ ଯେ ଅହଙ୍କାର-ଦୃଷ୍ଟି ଓ ଗର୍ବିତ ମନ, ତାହା ପାପଜନକ ।
\s5
\v 5 କର୍ମଶୀଳର ସଙ୍କଳ୍ପରୁ କେବଳ ପ୍ରଚୁରତା ଜନ୍ମେ ମାତ୍ର ପ୍ରତ୍ୟେକ ହଠାତ୍‍ କର୍ମକାରୀ କେବଳ ଅଭାବ ଆଡ଼େ ଯାଏ ।
\v 6 ମିଥ୍ୟାବାଦୀ ଓଷ୍ଠ ଦ୍ୱାରା ପ୍ରାପ୍ତ ଧନ ଏଣେ ତେଣେ ଚାଳିତ ବାଷ୍ପ ତୁଲ୍ୟ, ଯେଉଁମାନେ ତାହା ଅନ୍ୱେଷଣ କରନ୍ତି, ସେମାନେ ମୃତ୍ୟୁ ଅନ୍ୱେଷଣ କରନ୍ତି ।
\s5
\v 7 ଦୁଷ୍ଟମାନଙ୍କର ଦୌରାତ୍ମ୍ୟ ସେମାନଙ୍କୁ ଉଡ଼ାଇ ଘେନିଯିବ; ଯେହେତୁ ସେମାନେ ନ୍ୟାୟ କରିବାକୁ ନାସ୍ତି କରନ୍ତି ।
\v 8 ଦୋଷରେ ଭାରାକ୍ରାନ୍ତ ଲୋକର ପଥ ଅତିଶୟ ବକ୍ର; ମାତ୍ର ପବିତ୍ର ଲୋକର କର୍ମ ସଳଖ ।
\s5
\v 9 କଳିହୁଡ଼ି ସ୍ତ୍ରୀ ସଙ୍ଗରେ ପ୍ରଶସ୍ତ ଗୃହରେ ବାସ କରିବା ଅପେକ୍ଷା ଛାତର ଏକ କୋଣରେ ବାସ କରିବା ଭଲ ।
\v 10 ଦୁଷ୍ଟ ଲୋକର ମନ ଅନିଷ୍ଟ ପାଞ୍ଚେ, ପୁଣି, ତାହାର ଦୃଷ୍ଟିରେ ତାହାର ପ୍ରତିବାସୀ କିଛି ଅନୁଗ୍ରହ ପାଏ ନାହିଁ ।
\s5
\v 11 ନିନ୍ଦକକୁ ଦଣ୍ଡ ଦେଲେ, ନିର୍ବୋଧ ଲୋକ ବୁଦ୍ଧିମାନ୍ ହୁଏ; ପୁଣି, ବୁଦ୍ଧିମାନ୍କୁ ବୁଝାଇ ଦେଲେ, ସେ ଜ୍ଞାନବାନ୍ ହୁଏ ।
\v 12 ଧାର୍ମିକ ଲୋକ ଦୁଷ୍ଟର ବଂଶ ବିଷୟ ବିବେଚନା କରେ; ସେହି ଦୁଷ୍ଟ ଲୋକମାନେ କିପରି ଉତ୍ପାଟିତ ହୋଇ ସର୍ବନାଶ ହୁଅନ୍ତି, ଏହା ସୁବିବେଚନା କରେ ।
\s5
\v 13 ଯେଉଁ ଲୋକ ଦୀନହୀନର ଡାକରେ କର୍ଣ୍ଣ ରୁଦ୍ଧ କରେ, ସେ ମଧ୍ୟ ଆପେ ଡାକିବ, କିନ୍ତୁ ଉତ୍ତର ପାଇବ ନାହିଁ ।
\v 14 ଗୁପ୍ତରେ ଦାନ ଦେଲେ କ୍ରୋଧ ଶାନ୍ତ ହୁଏ, ପୁଣି, ଅଣ୍ଟିରେ ଦତ୍ତ ଲାଞ୍ଚ ପ୍ରଚଣ୍ଡ କୋପ ଶାନ୍ତ କରେ ।
\s5
\v 15 ନ୍ୟାୟ ଆଚରଣ ଧାର୍ମିକ ପ୍ରତି ଆନନ୍ଦର ବିଷୟ; ମାତ୍ର ତାହା କୁକର୍ମକାରୀମାନଙ୍କ ପ୍ରତି ବିନାଶଜନକ ।
\v 16 ଯେ ବୁଦ୍ଧିର ପଥ ଛାଡ଼ି ଭ୍ରମଣ କରେ, ସେ ପ୍ରେତମାନଙ୍କ ସଭାରେ ବାସ କରିବ ।
\s5
\v 17 ଯେଉଁ ଲୋକ ଆମୋଦ ଭଲ ପାଏ, ସେ ଦରିଦ୍ର ହେବ; ପୁଣି, ଯେ ଦ୍ରାକ୍ଷାରସ ଓ ତୈଳ ଭଲ ପାଏ, ସେ ଧନବାନ ହେବ ନାହିଁ ।
\v 18 ଦୁଷ୍ଟ ଲୋକ ଧାର୍ମିକର ମୁକ୍ତିର ମୂଲ୍ୟ ସ୍ୱରୂପ; ପୁଣି, ବିଶ୍ୱାସଘାତକ ସରଳ ଲୋକଙ୍କର ବଦଳି ସ୍ୱରୂପ ।
\s5
\v 19 କଳହକାରିଣୀ ଓ ଚିଡ଼ିଚିଡ଼ିଆ ସ୍ତ୍ରୀ ସଙ୍ଗରେ ବାସ କରିବା ଅପେକ୍ଷା ନିର୍ଜନ ଭୂମିରେ ବସତି କରିବାର ଭଲ ।
\v 20 ଜ୍ଞାନବାନ୍ର ଗୃହରେ ବହୁମୂଲ୍ୟ ସମ୍ପତ୍ତି ଓ ତୈଳ ଥାଏ; ମାତ୍ର ମୂର୍ଖ ଲୋକ ତାହା ଗ୍ରାସ କରେ ।
\s5
\v 21 ଯେଉଁ ଜନ ଧାର୍ମିକତା ଓ ଦୟାର ପଶ୍ଚାଦ୍‍ବର୍ତ୍ତୀ, ସେ ଜୀବନ ଓ ଧାର୍ମିକତା ଓ ସମ୍ମାନ ପାଏ ।
\v 22 ଜ୍ଞାନୀ ଲୋକ ବଳବାନର ନଗରରେ ଚଢ଼ି ପ୍ରବେଶ କରେ, ପୁଣି, ତହିଁର ସାହସଦାୟୀ ବଳ ତଳକୁ ଆଣେ ।
\s5
\v 23 ଯେ ଆପଣା ମୁଖ ଓ ଜିହ୍ୱା ରକ୍ଷା କରେ, ସେ କ୍ଳେଶରୁ ଆପଣା ପ୍ରାଣ ରକ୍ଷା କରେ ।
\v 24 ଅହଙ୍କାରୀ ଓ ଦାମ୍ଭିକ ଲୋକ ନିନ୍ଦକ ନାମରେ ବିଖ୍ୟାତ, ସେ ଅହଙ୍କାରର ଗାରିମାରେ କର୍ମ କରେ ।
\s5
\v 25 ଅଳସୁଆର ବାଞ୍ଚିତ ବିଷୟ ତାହାର ମୃତ୍ୟୁ ଘଟାଏ; କାରଣ ତାହାର ହସ୍ତ କର୍ମ କରିବାକୁ ନାସ୍ତି କରେ ।
\v 26 କେହି କେହି ଦିନସାରା ଅତ୍ୟନ୍ତ ଲୋଭ କରନ୍ତି; ମାତ୍ର ଧାର୍ମିକ ଲୋକ ଦାନ କରେ, କାତର ହୁଏ ନାହିଁ ।
\s5
\v 27 ଦୁଷ୍ଟମାନଙ୍କର ବଳିଦାନ ଘୃଣାର ବିଷୟ, ମାତ୍ର ସେ କୁଅଭିପ୍ରାୟରେ ଆଣିଲେ ତାହା କେତେ ଅଧିକ ଘୃଣିତ ।
\v 28 ମିଥ୍ୟାସାକ୍ଷୀ ବିନଷ୍ଟ ହେବ; ମାତ୍ର ଯେଉଁ ଲୋକ ଶୁଣେ, ସେ ଅଖଣ୍ଡ୍ୟ କଥା କହିବ ।
\s5
\v 29 ଦୁଷ୍ଟ ଲୋକ ଆପଣା ମୁଖ କଠିନ କରେ, ମାତ୍ର ସରଳ ଲୋକ ଆପଣା ବାଟ ସୁସ୍ଥିର କରେ ।
\s5
\v 30 ସଦାପ୍ରଭୁଙ୍କ ବିରୁଦ୍ଧରେ କୌଣସି ଜ୍ଞାନ କିମ୍ବା ବୁଦ୍ଧି କିମ୍ବା ମନ୍ତ୍ରଣା ନାହିଁ ।
\v 31 ଯୁଦ୍ଧ ଦିନ ପାଇଁ ଅଶ୍ୱ ସୁସଜ୍ଜିତ ହୁଏ; ମାତ୍ର ଜୟ ସଦାପ୍ରଭୁଙ୍କଠାରୁ ହୁଏ ।
\s5
\c 22
\p
\v 1 ବହୁତ ଧନ ଅପେକ୍ଷା ସୁନାମ ମନୋନୀତ ହେବା ଯୋଗ୍ୟ, ପୁଣି, ରୂପା ଓ ସୁନା ଅପେକ୍ଷା ସ୍ନେହସୂଚକ ଅନୁଗ୍ରହ ଉତ୍ତମ ।
\v 2 ଧନବାନ ଓ ଦରିଦ୍ର ଏକତ୍ର ମିଳନ୍ତି; ସଦାପ୍ରଭୁ ସେସମସ୍ତଙ୍କର ସୃଷ୍ଟିକର୍ତ୍ତା ।
\s5
\v 3 ଚତୁର ଲୋକ ବିପଦ ଦେଖି ଆପଣାକୁ ଲୁଚାଏ; ମାତ୍ର ଅବୋଧ ଲୋକମାନେ ଆଗ ବଢ଼ି ଶାସ୍ତି ପାଆନ୍ତି ।
\v 4 ନମ୍ରତାର ଓ ସଦାପ୍ରଭୁଙ୍କ ବିଷୟକ ଭୟର ପୁରସ୍କାର ଧନ, ସମ୍ମାନ ଓ ଜୀବନ ଅଟେ ।
\s5
\v 5 କୁଟିଳ ଲୋକମାନଙ୍କ ପଥରେ କଣ୍ଟା ଓ ଫାନ୍ଦ ଥାଏ; ଯେ ଆପଣା ପ୍ରାଣ ରକ୍ଷା କରେ, ସେ ସେସବୁରୁ ଦୂରରେ ରହିବ ।
\v 6 ବାଳକର ଗନ୍ତବ୍ୟ ପଥରେ ତାହାକୁ ଶିକ୍ଷିତ କରାଅ; ତେଣୁ ସେ ବୃଦ୍ଧ ହେଲେ ହେଁ ତହିଁରୁ ବିମୁଖ ହେବ ନାହିଁ ।
\s5
\v 7 ଧନବାନ ଦରିଦ୍ର ଉପରେ କର୍ତ୍ତୃତ୍ୱ କରେ, ପୁଣି, ଋଣୀ ମହାଜନର ଦାସ ହୁଏ ।
\v 8 ଯେ ଅଧର୍ମ ବୀଜ ବୁଣେ, ସେ ବିପଦରୂପ ଶସ୍ୟ କାଟିବ ଓ ତାହାର କୋପରୂପ ଦଣ୍ଡ ଲୁପ୍ତ ହେବ ।
\s5
\v 9 ଯାହାର ଦୟାଳୁ ଦୃଷ୍ଟି, ସେ ଆଶିଷ ପାଇବ; ଯେହେତୁ ସେ ଆପଣା ଆହାରରୁ ଦୀନହୀନକୁ ବିତରଣ କରେ ।
\v 10 ନିନ୍ଦକକୁ ବାହାର କରି ଦିଅ, ତହିଁରେ କଳି ବାହାରି ଯିବ; ପୁଣି, ବିରୋଧ ଓ ଅପମାନ ନିବୃତ୍ତ ହେବ ।
\s5
\v 11 ଯେଉଁ ଲୋକ ହୃଦୟର ଶୁଚିତା ଭଲ ପାଏ, ଯାହାର ଓଷ୍ଠ ଅନୁଗ୍ରହଯୁକ୍ତ, ରାଜା ତାହାର ବନ୍ଧୁ ହେବ ।
\v 12 ସଦାପ୍ରଭୁଙ୍କ ଚକ୍ଷୁ ଜ୍ଞାନପ୍ରାପ୍ତ ଲୋକକୁ ରକ୍ଷା କରେ; ମାତ୍ର ବିଶ୍ୱାସଘାତକର କଥା ସେ ଓଲଟାଇ ପକାନ୍ତି ।
\s5
\v 13 ଅଳସ ଲୋକ କହେ, ବାହାରେ ସିଂହ ଅଛି; ମୁଁ ସଡ଼କରେ ହତ ହେବି ।
\v 14 ପର-ସ୍ତ୍ରୀର ମୁଖ ଗଭୀର ଖାତ, ସଦାପ୍ରଭୁଙ୍କ ଘୃଣିତ ଲୋକ ତହିଁରେ ପଡ଼ିବ ।
\s5
\v 15 ପିଲାର ମନରେ ଅଜ୍ଞାନତା ବନ୍ଦ ଥାଏ, ପୁଣି, ଶାସନବାଡ଼ି ତାହା ବାହାର କରି ତାହାଠାରୁ ଦୂର କରି ଦିଏ ।
\v 16 ଯେଉଁ ଲୋକ ଆପଣା ଧନ ବଢ଼ାଇବା ପାଇଁ ଦରିଦ୍ର ପ୍ରତି ଉପଦ୍ରବ କରେ; ପୁଣି, ଯେ ଧନୀକୁ ଦାନ କରେ, ତାହାକୁ କେବଳ ଅଭାବ ଘଟିବ ।
\s ତିରିଶଟି ଜ୍ଞାନର କଥା
\p
\s5
\v 17 ତୁମ୍ଭେ ଆପଣା କର୍ଣ୍ଣ ଡେରି ଜ୍ଞାନବାନ୍ମାନଙ୍କ କଥା ଶୁଣ; ପୁଣି, ମୋ' ବିଦ୍ୟାରେ ଆପଣା ମନ ଲଗାଅ ।
\v 18 ଯେହେତୁ ତୁମ୍ଭେ ତାହା ହୃଦୟରେ ରଖିଲେ ଓ ତୁମ୍ଭ ଓଷ୍ଠାଧର ସଙ୍ଗେ ତାହା ଏକତ୍ର ସଂଯୁକ୍ତ ହେଲେ, ଆହ୍ଲାଦଜନକ ହେବ ।
\v 19 ସଦାପ୍ରଭୁଙ୍କଠାରେ ଯେପରି ତୁମ୍ଭର ନିର୍ଭର ରହିବ, ଏଥିପାଇଁ ମୁଁ ଆଜି ତୁମ୍ଭକୁ, ବିଶେଷ ରୂପେ ତୁମ୍ଭକୁ ଏହିସବୁ କଥା ଜଣାଇଲି ।
\s5
\v 20 ତୁମ୍ଭକୁ ସତ୍ୟତାରୂପ ବାକ୍ୟର ନିଶ୍ଚୟତା ଜଣାଇବାକୁ, ପୁଣି, ଯେଉଁମାନେ ତୁମ୍ଭକୁ ପଠାନ୍ତି,
\v 21 ତୁମ୍ଭେ ଯେପରି ସେମାନଙ୍କୁ ସତ୍ୟ ଉତ୍ତର ଦେଇପାର, ଏଥିପାଇଁ ମୁଁ କ'ଣ ତୁମ୍ଭ ପ୍ରତି ଯୁକ୍ତିରେ ଓ ବିଦ୍ୟାରେ ଉତ୍କୃଷ୍ଟ ବାକ୍ୟ ଲେଖି ନାହିଁ ?
\s5
\v 22 ଦୀନହୀନକୁ ଦୀନହୀନ ଜାଣି ତାହାର ଦ୍ରବ୍ୟ ହରଣ କର ନାହିଁ, ପୁଣି, ନଗର-ଦ୍ୱାରରେ ଦୁଃଖୀ ପ୍ରତି ଉପଦ୍ରବ କର ନାହିଁ ।
\v 23 ଯେହେତୁ ସଦାପ୍ରଭୁ ସେମାନଙ୍କ ପକ୍ଷରେ ପ୍ରତିବାଦ କରିବେ, ପୁଣି, ଯେଉଁମାନେ ସେମାନଙ୍କ ଦ୍ରବ୍ୟ ଅପହରଣ କରିବେ, ସେ ସେମାନଙ୍କର ପ୍ରାଣ ଅପହରଣ କରିବେ ।
\s5
\v 24 ରାଗଶୀଳ ଲୋକ ସଙ୍ଗରେ ମିତ୍ରତା କର ନାହିଁ, ପୁଣି, କ୍ରୋଧୀ ଲୋକ ସହିତ ଗମନ କର ନାହିଁ ।
\v 25 କଲେ, ତୁମ୍ଭେ ଅବା ତାହାର ବାଟ ଶିକ୍ଷା କରି ଆପଣା ପ୍ରାଣ ପାଇଁ ଫାନ୍ଦ ପ୍ରସ୍ତୁତ କରିବ ।
\s5
\v 26 ଯେଉଁମାନେ ହାତରେ ତାଳି ଦିଅନ୍ତି ଅବା ଋଣୀର ଲଗା ହୁଅନ୍ତି, ସେମାନଙ୍କ ମଧ୍ୟରେ ତୁମ୍ଭେ ଜଣେ ହୁଅ ନାହିଁ ।
\v 27 ଯେବେ ପରିଶୋଧ କରିବାକୁ ତୁମ୍ଭର କିଛି ନ ଥାଏ, ତେବେ ସେ କାହିଁକି ତୁମ୍ଭ ତଳରୁ ତୁମ୍ଭର ଶଯ୍ୟା ନେଇଯିବ ?
\s5
\v 28 ତୁମ୍ଭର ପିତୃଲୋକମାନେ ଯେଉଁ ପୁରାତନ ସୀମା ସ୍ଥାପନ କରିଅଛନ୍ତି, ତାହା ଘୁଞ୍ଚାଅ ନାହିଁ ।
\v 29 ତୁମ୍ଭେ କି କୌଣସି ଲୋକକୁ ଆପଣା ବ୍ୟବସାୟରେ ତତ୍ପର ଦେଖୁଅଛ ? ସେ ରାଜାମାନଙ୍କ ସମ୍ମୁଖରେ ଠିଆ ହେବ । ସେ ନୀଚ ଲୋକଙ୍କ ଆଗରେ ଠିଆ ହେବ ନାହିଁ ।
\s5
\c 23
\p
\v 1 ଯେତେବେଳେ ତୁମ୍ଭେ ଶାସନକର୍ତ୍ତା ସହିତ ଭୋଜନରେ ବସ, ସେତେବେଳେ ତୁମ୍ଭ ସମ୍ମୁଖରେ କିଏ ଅଛି, ତାହା ଯତ୍ନପୂର୍ବକ ବିବେଚନା କର ।
\v 2 ଯେବେ ତୁମ୍ଭେ ପେଟାର୍ଥୀ ହୁଅ, ତୁମ୍ଭେ ଆପଣା ଗଳାରେ ଛୁରୀ ଆପେ ରଖ ।
\v 3 ତାହାର ସୁସ୍ୱାଦୁ ଖାଦ୍ୟକୁ ଲୋଭ କର ନାହିଁ; ଯେହେତୁ ତାହା ପ୍ରବଞ୍ଚନାଜନକ ଖାଦ୍ୟ ।
\s5
\v 4 ଧନୀ ହେବା ପାଇଁ ଆପଣାକୁ କ୍ଳାନ୍ତ କର ନାହିଁ; ତୁମ୍ଭ ନିଜ ବୁଦ୍ଧିରୁ କ୍ଷାନ୍ତ ହୁଅ ।
\v 5 ଯାହା ନାହିଁ, ତୁମ୍ଭେ କି ତହିଁ ପ୍ରତି ଆପଣା ଚକ୍ଷୁ ନିର୍ଦ୍ଦେଶ କରିବ ? କାରଣ ଆକାଶରେ ଉଡ଼ନ୍ତା ଉତ୍କ୍ରୋଶ ପକ୍ଷୀ ପରି ନିଶ୍ଚୟ ଧନ ଆପଣା ପାଇଁ ପକ୍ଷ କରେ ।
\s5
\v 6 କୁଦୃଷ୍ଟି ଲୋକର ଆହାର ଖାଅ ନାହିଁ, ପୁଣି, ତାହାର ସୁସ୍ୱାଦୁ ଖାଦ୍ୟକୁ ଲୋଭ କର ନାହିଁ;
\v 7 କାରଣ ସେ ଯେରୂପ ମନରେ ନିଜେ ଭାବେ, ସେ ସେରୂପ ଅଟେ; ସେ ଖାଅ ପିଅ ବୋଲି ତୁମ୍ଭକୁ କହେ ସତ୍ୟ, ମାତ୍ର ତୁମ୍ଭଠାରେ ତାହାର ମନ ନାହିଁ ।
\v 8 ତୁମ୍ଭେ ଯେଉଁ ଅଳ୍ପ ଖାଇଅଛ, ତାହା ଉଦ୍‍ଗାର କରିବ; ପୁଣି, ତୁମ୍ଭର ମଧୁର ବାକ୍ୟ ହରାଇବ ।
\s5
\v 9 ମୂର୍ଖର କର୍ଣ୍ଣଗୋଚରରେ କଥା କୁହ ନାହିଁ, ଯେହେତୁ ସେ ତୁମ୍ଭ ବାକ୍ୟର ବିଜ୍ଞତା ତୁଚ୍ଛ କରିବ ।
\v 10 ପୁରାତନ ସୀମା ଘୁଞ୍ଚାଅ ନାହିଁ, ପୁଣି, ପିତୃହୀନର କ୍ଷେତ୍ରରେ ପ୍ରବେଶ କର ନାହିଁ ।
\v 11 କାରଣ ସେମାନଙ୍କ ମୁକ୍ତିକର୍ତ୍ତା ବଳବାନ; ସେ ତୁମ୍ଭ ସହିତ ସେମାନଙ୍କ ବିବାଦର ପ୍ରତିବାଦ କରିବେ ।
\s5
\v 12 ଉପଦେଶରେ ତୁମ୍ଭର ମନ ଓ ଜ୍ଞାନର ବାକ୍ୟରେ ତୁମ୍ଭର କର୍ଣ୍ଣ ଦିଅ ।
\s5
\v 13 ପିଲାକୁ ଶାସ୍ତି ଦେବାକୁ ତ୍ରୁଟି କର ନାହିଁ; ତୁମ୍ଭେ ତାହାକୁ ବାଡ଼ିରେ ମାରିଲେ ହେଁ ସେ ମରିବ ନାହିଁ ।
\v 14 ତୁମ୍ଭେ ତାହାକୁ ବାଡ଼ିରେ ମାରିବ ଓ ପାତାଳରୁ ତାହାର ପ୍ରାଣ ରକ୍ଷା କରିବ ।
\s5
\v 15 ହେ ମୋହର ପୁତ୍ର, ତୁମ୍ଭର ମନ ଜ୍ଞାନୀ ହେଲେ, ମୋହର, ବିଶେଷରେ ମୋହର ମନ ହୃଷ୍ଟ ହେବ ।
\v 16 ହଁ, ତୁମ୍ଭ ଓଷ୍ଠ ଯଥାର୍ଥ କଥା କହିଲେ, ମୋହର ଅନ୍ତଃକରଣ ଆହ୍ଲାଦିତ ହେବ ।
\s5
\v 17 ତୁମ୍ଭ ମନ ପାପୀଗଣକୁ ଈର୍ଷା ନ କରୁ, ପୁଣି, ତୁମ୍ଭେ ସମସ୍ତ ଦିନ ସଦାପ୍ରଭୁଙ୍କ ପ୍ରତି ଭୟରେ ଥାଅ ।
\v 18 କାରଣ ପୁରସ୍କାର ନିତାନ୍ତ ଅଛି ଓ ତୁମ୍ଭର ଭରସା ଉଚ୍ଛିନ୍ନ ହେବ ନାହିଁ ।
\s5
\v 19 ହେ ମୋହର ପୁତ୍ର, ଶୁଣ, ଜ୍ଞାନୀ ହୁଅ, ପୁଣି, ତୁମ୍ଭ ମନକୁ ସତ୍‍ପଥରେ କଢ଼ାଇ ନିଅ ।
\v 20 ଦ୍ରାକ୍ଷାରସରେ ଆସକ୍ତ ଓ ପେଟାର୍ଥୀ ମାଂସ-ଭୋକ୍ତାମାନଙ୍କ ସଙ୍ଗୀ ହୁଅ ନାହିଁ ।
\v 21 କାରଣ ମତୁଆଳା ଓ ପେଟୁକ ଦରିଦ୍ର ହେବେ ପୁଣି, ଘୁମା, ମନୁଷ୍ୟକୁ ଚିରାକନା ପିନ୍ଧାଇବ ।
\s5
\v 22 ତୁମ୍ଭ ଜନ୍ମଦାତା ପିତାର କଥା ଶୁଣ, ପୁଣି, ମାତା ବୃଦ୍ଧା ହେଲେ,ତାହାକୁ ତୁଚ୍ଛ କର ନାହିଁ ।
\v 23 ସତ୍ୟତା କିଣ, ପୁଣି, ତାହା ବିକ ନାହିଁ; ଜ୍ଞାନ, ଉପଦେଶ ଓ ସୁବିବେଚନା କିଣ ।
\s5
\v 24 ଧାର୍ମିକର ପିତା ଅତିଶୟ ଆନନ୍ଦ କରେ, ପୁଣି, ଜ୍ଞାନୀ ସନ୍ତାନର ଜନ୍ମଦାତା ତାହା ହେତୁ ହୃଷ୍ଟ ହୁଏ ।
\v 25 ତୁମ୍ଭର ପିତା ଓ ତୁମ୍ଭର ମାତା ହୃଷ୍ଟ ହେଉନ୍ତୁ, ତୁମ୍ଭର ଗର୍ଭଧାରିଣୀ ଆନନ୍ଦ କରୁ ।
\s5
\v 26 ହେ ମୋହର ପୁତ୍ର, ତୁମ୍ଭ ହୃଦୟ ମୋତେ ଦିଅ, ପୁଣି, ତୁମ୍ଭ ଚକ୍ଷୁ ମୋ' ପଥରେ ତୁଷ୍ଟ ହେଉ ।
\v 27 କାରଣ ବେଶ୍ୟା ଗଭୀର ଖାତ, ପୁଣି, ପର-ସ୍ତ୍ରୀ ସଙ୍କୀର୍ଣ୍ଣ କୂପ ଅଟେ ।
\v 28 ଆହୁରି ସେ ଡକାୟତ ପରି ଛକି ବସେ, ପୁଣି, ମନୁଷ୍ୟମାନଙ୍କ ମଧ୍ୟରେ ବିଶ୍ୱାସଘାତକମାନଙ୍କ ସଂଖ୍ୟା ବଢ଼ାଏ ।
\s5
\v 29 କାହାର ହାହାକାର ? କାହାର ଓକାର ? କାହାର କଳି ? କାହାର ବକାବକି ? କାହାର ଅକାରଣ କ୍ଷତ ? କାହାର ରକ୍ତବର୍ଣ୍ଣ ଚକ୍ଷୁ ?
\v 30 ଯେଉଁମାନେ ଦ୍ରାକ୍ଷାରସ ପାନରେ ବହୁ କାଳ ବସିଥା'ନ୍ତି, ଯେଉଁମାନେ ମିଶ୍ରିତ ସୁରା ଖୋଜି ବୁଲନ୍ତି, ସେମାନଙ୍କର ।
\s5
\v 31 ଦ୍ରାକ୍ଷାରସ ରଙ୍ଗିୟା ହେଲେ, ପାତ୍ରରେ ଚକମକାଇଲେ ଓ ସହଜେ ଗଳାଧଃକରଣ ହେଲେ, ତୁମ୍ଭେ ତାକୁ ଅନାଅ ନାହିଁ ।
\v 32 ଶେଷରେ ତାହା ସର୍ପ ପରି କାମୁଡ଼େ ଓ କାଳସର୍ପ ତୁଲ୍ୟ ଦଂଶନ କରେ ।
\v 33 ତୁମ୍ଭର ଚକ୍ଷୁ ବିପରୀତ ବିଷୟ ଦେଖିବ, ତୁମ୍ଭ ହୃଦୟ କୁଟିଳ କଥା କହିବ ।
\s5
\v 34 ପୁଣି, ତୁମ୍ଭେ ସମୁଦ୍ର ମଧ୍ୟରେ ଶୟନକାରୀ କିଅବା ଜାହାଜର ମାସ୍ତୁଲ ଉପରେ ଶୟନକାରୀ ଲୋକ ତୁଲ୍ୟ ହେବ ।
\v 35 ତୁମ୍ଭେ କହିବ, ସେମାନେ ମୋତେ ମାଇଲେ, ମାତ୍ର ମୁଁ କ୍ଷତି ପାଇ ନାହିଁ; ସେମାନେ ମୋତେ ପ୍ରହାର କଲେ, ମାତ୍ର ମୁଁ କିଛି ଜାଣି ନାହିଁ; ମୁଁ କେବେ ଜାଗିବି ? ପୁନର୍ବାର ମୁଁ ତାହା ଖୋଜିବି ।
\s5
\c 24
\p
\v 1 ତୁମ୍ଭେ ମନ୍ଦ ଲୋକମାନଙ୍କ ପ୍ରତି ଈର୍ଷା କର ନାହିଁ, ପୁଣି, ସେମାନଙ୍କର ସଙ୍ଗୀ ହେବାକୁ ବାଞ୍ଛା କର ନାହିଁ ।
\v 2 କାରଣ ସେମାନଙ୍କ ଅନ୍ତଃକରଣ ଦୌରାତ୍ମ୍ୟ କଳ୍ପନା କରେ, ପୁଣି, ସେମାନଙ୍କ ଓଷ୍ଠ ଅନିଷ୍ଟ କଥା କହେ ।
\s5
\v 3 ଜ୍ଞାନରେ ଗୃହ ନିର୍ମିତ ହୁଏ ଓ ବୁଦ୍ଧିରେ ତାହା ସ୍ଥିର ହୁଏ;
\v 4 ଜ୍ଞାନରେ ତାହାର କୋଠରିସବୁ ବହୁମୂଲ୍ୟ ଓ ମନୋରମ ବସ୍ତୁରେ ପରିପୂର୍ଣ୍ଣ ହୁଏ ।
\s5
\v 5 ଜ୍ଞାନବାନ୍ ଲୋକ ବଳବାନ, ପୁଣି, ବିଦ୍ୱାନ୍‍ ଲୋକ ବଳ ବଢ଼ାଏ ।
\v 6 ଅବଶ୍ୟ ତୁମ୍ଭେ ଭଲ ପରାମର୍ଶ ଘେନି ଆପଣା ଯୁଦ୍ଧ କରିବ; ଆଉ, ମନ୍ତ୍ରୀମାନଙ୍କ ବାହୁଲ୍ୟରେ ରକ୍ଷା ହୁଏ ।
\s5
\v 7 ଅଜ୍ଞାନ ପ୍ରତି ଜ୍ଞାନ ଅତି ଉଚ୍ଚ; ସେ ନଗର-ଦ୍ୱାରରେ ଆପଣା ମୁଖ ଫିଟାଏ ନାହିଁ ।
\s5
\v 8 ଯେଉଁ ଲୋକ ମନ୍ଦ କରିବାକୁ ଚିନ୍ତା କରେ, ଲୋକମାନେ ତାହାକୁ କୁସନ୍ଧାନୀ ବୋଲି କହିବେ ।
\v 9 ଅଜ୍ଞାନର ସଙ୍କଳ୍ପ ପାପଯୁକ୍ତ; ପୁଣି, ନିନ୍ଦକ ମନୁଷ୍ୟମାନଙ୍କ ନିକଟରେ ଘୃଣିତ ।
\s5
\v 10 ବିପଦର ଦିନରେ ତୁମ୍ଭେ ଯେବେ ସାହସହୀନ ହେବ, ତେବେ ତୁମ୍ଭର ଶକ୍ତି ଅଳ୍ପ ।
\s5
\v 11 ମୃତ୍ୟୁ ନିମନ୍ତେ ନିଆ ଯିବା ଲୋକମାନଙ୍କୁ ଉଦ୍ଧାର କର ଓ ହତ ହେବା ନିମନ୍ତେ ଉଦ୍ୟତ ଲୋକମାନଙ୍କୁ ରକ୍ଷା କରିବା ପାଇଁ କ୍ଷାନ୍ତ ହୁଅ ନାହିଁ ।
\v 12 ଯେବେ ତୁମ୍ଭେ କୁହ, ଦେଖ, ଆମ୍ଭେମାନେ ଏହା ଜାଣି ନାହୁଁ, ତେବେ ଅନ୍ତଃକରଣ ତୌଲିବାକର୍ତ୍ତା କ'ଣ ତାହା ବୁଝନ୍ତି ନାହିଁ ? ପୁଣି, ତୁମ୍ଭ ପ୍ରାଣର ରକ୍ଷାକର୍ତ୍ତା କ'ଣ ତାହା ଜାଣନ୍ତି ନାହିଁ ? ଆଉ, ସେ କ'ଣ ପ୍ରତି ଜଣକୁ ଆପଣା କର୍ମାନୁସାରେ ପ୍ରତିଫଳ ଦେବେ ନାହିଁ ?
\s5
\v 13 ହେ ମୋହର ପୁତ୍ର, ତୁମ୍ଭେ ମଧୁ ଖାଅ, ଯେହେତୁ ତାହା ଭଲ; ପୁଣି, ମଧୁଚାକ ଖାଅ, ଯେହେତୁ ତାହା ତୁମ୍ଭ ତୁଣ୍ଡକୁ ସୁସ୍ୱାଦୁ ଲାଗିବ ।
\v 14 ଜ୍ଞାନ ତୁମ୍ଭ ପ୍ରାଣ ପ୍ରତି ସେହି ପ୍ରକାର ବୋଲି ତୁମ୍ଭେ ଜାଣିବ; ତୁମ୍ଭେ ତାହା ପାଇଲେ, ପୁରସ୍କାର ଥିବାରୁ ତୁମ୍ଭର ଭରସା ଉଚ୍ଛିନ୍ନ ହେବ ନାହିଁ ।
\s5
\v 15 ହେ ଦୁଷ୍ଟ ଲୋକ, ତୁମ୍ଭେ ଧାର୍ମିକର ବାସସ୍ଥାନ ବିରୁଦ୍ଧରେ ଛକି ବସ ନାହିଁ; ତାହାର ବିଶ୍ରାମସ୍ଥାନ ଲୁଟ କର ନାହିଁ ।
\v 16 ଯେଣୁ ଧାର୍ମିକ ସାତ ଥର ପଡ଼ିଲେ ହେଁ ପୁନର୍ବାର ଉଠେ; ମାତ୍ର ଦୁଷ୍ଟମାନେ ବିପଦରେ ଝୁଣ୍ଟି ପଡ଼ନ୍ତି ।
\s5
\v 17 ତୁମ୍ଭର ଶତ୍ରୁ ପତିତ ହେଲେ ଆନନ୍ଦ କର ନାହିଁ, ମଧ୍ୟ ସେ ଝୁଣ୍ଟି ପଡ଼ିଲେ, ତୁମ୍ଭର ଚିତ୍ତ ହୃଷ୍ଟ ନ ହେଉ;
\v 18 କେଜାଣି ସଦାପ୍ରଭୁ ତାହା ଦେଖି ଅସନ୍ତୁଷ୍ଟ ହୁଅନ୍ତି ଓ ତାହାଠାରୁ ଆପଣା କ୍ରୋଧ ଫେରାନ୍ତି ।
\s5
\v 19 ମନ୍ଦ-କର୍ମକାରୀମାନଙ୍କ ସକାଶୁ ବିରକ୍ତ ହୁଅ ନାହିଁ; ପୁଣି, ଦୁଷ୍ଟମାନଙ୍କ ପ୍ରତି ଈର୍ଷା କର ନାହିଁ ।
\v 20 କାରଣ ମନ୍ଦ ଲୋକର କୌଣସି ପୁରସ୍କାର ହେବ ନାହିଁ ଓ ଦୁଷ୍ଟମାନଙ୍କର ପ୍ରଦୀପ ନିଭାଯିବ ।
\s5
\v 21 ହେ ମୋହର ପୁତ୍ର, ସଦାପ୍ରଭୁଙ୍କୁ ଓ ରାଜାଙ୍କୁ ଭୟ କର, ପୁଣି, ଚଞ୍ଚଳମତିମାନଙ୍କ ସଙ୍ଗରେ ଲିପ୍ତ ହୁଅ ନାହିଁ ।
\v 22 କାରଣ ହଠାତ୍‍ ସେମାନଙ୍କର ବିପଦ ଘଟିବ; ପୁଣି, ସେହି ଉଭୟର ସଂହାର କିଏ ଜାଣେ ?
\s5
\v 23 ଏସବୁ ମଧ୍ୟ ଜ୍ଞାନୀମାନଙ୍କ କଥା । ବିଚାରରେ ମନୁଷ୍ୟର ମୁଖାପେକ୍ଷା କରିବା ଭଲ ନୁହେଁ ।
\s5
\v 24 ଦୁଷ୍ଟକୁ ଯେ କହେ, ତୁମ୍ଭେ ଧାର୍ମିକ, ତାହାକୁ ଲୋକେ ଶାପ ଦେବେ, ଗୋଷ୍ଠୀୟମାନେ ତାହାକୁ ଘୃଣା କରିବେ ।
\v 25 ମାତ୍ର ଯେଉଁମାନେ ତାହାକୁ ଅନୁଯୋଗ କରନ୍ତି, ସେମାନଙ୍କର ଆନନ୍ଦ ହେବ; ପୁଣି, ଉତ୍ତମ ଆଶୀର୍ବାଦ ସେମାନଙ୍କ ଉପରେ ବର୍ତ୍ତେ ।
\s5
\v 26 ଯେ ଯଥାର୍ଥ ଉତ୍ତର ଦିଏ, ସେ ଓଷ୍ଠାଧର ଚୁମ୍ବନ କରେ ।
\v 27 ବାହାରେ ତୁମ୍ଭ କାର୍ଯ୍ୟର ଆୟୋଜନ କର, କ୍ଷେତ୍ରରେ ଆପଣା ନିମନ୍ତେ ତାହା ପ୍ରସ୍ତୁତ କର; ତହିଁ ଉତ୍ତାରେ ଆପଣା ଗୃହ ନିର୍ମାଣ କର ।
\s5
\v 28 ଅକାରଣରେ ତୁମ୍ଭ ପ୍ରତିବାସୀ ବିପକ୍ଷରେ ସାକ୍ଷୀ ହୁଅ ନାହିଁ ଓ ତୁମ୍ଭ ଓଷ୍ଠ ଦ୍ୱାରା ପ୍ରତାରଣା କର ନାହିଁ ।
\v 29 ସେ ମୋ' ପ୍ରତି ଯେପରି କରିଅଛି, ତାହା ପ୍ରତି ମୁଁ ସେପରି କରିବି ଓ ତାହାର କର୍ମାନୁସାରେ ମୁଁ ତାହାକୁ ପ୍ରତିଫଳ ଦେବି,ଏରୂପ କୁହ ନାହିଁ ।
\s5
\v 30 ମୁଁ ଅଳସୁଆର କ୍ଷେତ୍ର ଓ ନିର୍ବୋଧ ଲୋକର ଦ୍ରାକ୍ଷାକ୍ଷେତ୍ର ନିକଟ ଦେଇ ଗଲି ।
\v 31 ପୁଣି, ଦେଖ, ତହିଁର ସବୁଆଡ଼େ କଣ୍ଟା ବଢ଼ିଅଛି ଓ ବିଛୁଆତି ତହିଁ ଉପରେ ବ୍ୟାପ୍ତ ଅଛି, ତହିଁର ପଥର ପାଚେରିସବୁ ଭଗ୍ନ ହୋଇଅଛି ।
\s5
\v 32 ତହୁଁ ମୁଁ ଅନାଇଲି, ପୁଣି, ମନୋଯୋଗ କଲି; ମୁଁ ଦେଖିଲି ଓ ଉପଦେଶ ପାଇଲି ।
\v 33 ଆଉ ଟିକିଏ ଶୋଇଲେ, ଆଉ ଟିକିଏ ଢୁଳାଇଲେ, ଆଉ ଟିକିଏ ନିଦ୍ରା ଯିବା ପାଇଁ ହାତ ଭିଡ଼ିମୋଡ଼ି ହେଲେ,
\v 34 ତୁମ୍ଭର ଦରିଦ୍ରାବସ୍ଥା ଖଣ୍ଟ ପରି, ପୁଣି, ତୁମ୍ଭ ଦୀନତା ସସଜ୍ଜ ଲୋକ ପରି ଉପସ୍ଥିତ ହେବ ।
\s5
\c 25
\s ଶଲୋମନଙ୍କର ଅଧିକ ହିତୋପଦେଶ
\p
\v 1 ନିମ୍ନଲିଖିତ ହିତୋପଦେଶସକଳ ହିଁ ଶଲୋମନଙ୍କ ରଚିତ ଓ ଯିହୂଦାର ରାଜା ହିଜକୀୟର ଲୋକମାନେ ତାହା ଉତ୍ତାରିଥିଲେ ।
\v 2 ବିଷୟ ଗୋପନ କରିବା ପରମେଶ୍ୱରଙ୍କର ଗୌରବ; ମାତ୍ର ବିଷୟର ଅନୁସନ୍ଧାନ କରିବାର ରାଜାଙ୍କର ଗୌରବ ।
\v 3 ଉଚ୍ଚତା ହେତୁ ସ୍ୱର୍ଗ ଓ ଗଭୀରତା ହେତୁ ପୃଥିବୀ, ଆଉ ରାଜାମାନଙ୍କ ହୃଦୟ ବୋଧାଗମ୍ୟ ।
\s5
\v 4 ରୂପାରୁ ଖାଦ କାଢ଼ି ପକାଅ, ତେବେ ସୁନାରି ପାଇଁ ଏକ ପାତ୍ର ବାହାର ହେବ ।
\v 5 ରାଜାର ସମ୍ମୁଖରୁ ଦୁଷ୍ଟମାନଙ୍କୁ ଦୂର କରିଦିଅ, ଆଉ, ତାହାର ସିଂହାସନ ଧର୍ମରେ ସୁସ୍ଥିର ହେବ ।
\s5
\v 6 ରାଜାର ଛାମୁରେ ଆପଣାର ବଡ଼ାଇ କର ନାହିଁ, ପୁଣି, ପ୍ରଧାନ ଲୋକଙ୍କ ସ୍ଥାନରେ ଠିଆ ହୁଅ ନାହିଁ ।
\s5
\v 7 କାରଣ ଯେଉଁ କୁଳୀନକୁ ତୁମ୍ଭର ଚକ୍ଷୁ ଦେଖିଅଛି, ତାହା ଛାମୁରେ ତୁମ୍ଭର ନୀଚୀକୃତ ହେବା ଅପେକ୍ଷା ବରଂ ଏଠାକୁ ଆସ ବୋଲି ତୁମ୍ଭକୁ କୁହାଯିବା ଭଲ ।
\v 8 ବିବାଦ କରିବାକୁ ହଠାତ୍‍ ବାହାରକୁ ଯାଅ ନାହିଁ, ଗଲେ ତହିଁର ଶେଷରେ ତୁମ୍ଭ ପ୍ରତିବାସୀ ତୁମ୍ଭକୁ ଲଜ୍ଜିତ କଲା ଉତ୍ତାରେ ତୁମ୍ଭେ କଅଣ କରିବ ?
\s5
\v 9 ଆପଣା ପ୍ରତିବାସୀ ସହିତ ଆପଣା ବିବାଦର ପ୍ରତିବାଦ କର, ପୁଣି, ପରର ଗୋପନୀୟ କଥା ପ୍ରକାଶ କର ନାହିଁ ।
\v 10 ନୋହିଲେ ଶ୍ରବଣକାରୀ ତୁମ୍ଭକୁ ତିରସ୍କାର କଲେ, ତୁମ୍ଭ ଅଖ୍ୟାତି ଘୁଞ୍ଚା ନୋହିବ ।
\s5
\v 11 ଯଥୋଚିତମତେ କଥିତ ବାକ୍ୟ ରୂପା-ପାତ୍ରରେ ସୁବର୍ଣ୍ଣ ନାରଙ୍ଗ ତୁଲ୍ୟ ।
\v 12 ସୁବର୍ଣ୍ଣ କର୍ଣ୍ଣକୁଣ୍ଡଳ ଓ ଶୁଦ୍ଧ ସୁବର୍ଣ୍ଣର ଅଳଙ୍କାର ଯେପରି, ମନୋଯୋଗକାରୀ କର୍ଣ୍ଣ ପ୍ରତି ଜ୍ଞାନବାନ୍ ଭର୍ତ୍ସନାକାରୀ ସେପରି ।
\s5
\v 13 ଫସଲ ସମୟରେ ହିମର ଶୀତଳତା ଯେପରି, ପ୍ରେରକଗଣ ପ୍ରତି ବିଶ୍ୱସ୍ତ ଦୂତ ସେପରି; କାରଣ ସେ ଆପଣା କର୍ତ୍ତାମାନଙ୍କ ପ୍ରାଣରେ ଆଶ୍ୱାସ ଦିଏ ।
\v 14 ବୃଷ୍ଟିହୀନ ମେଘ ଓ ବାୟୁ ଯେପରି, ଆପଣା ଦାନ ବିଷୟରେ ମିଥ୍ୟା ଦର୍ପକାରୀ ସେପରି ।
\s5
\v 15 ଦୀର୍ଘସହିଷ୍ଣୁତା ଦ୍ୱାରା ଶାସନକର୍ତ୍ତା ମଣାଯାଏ, ପୁଣି, କୋମଳ ଜିହ୍ୱା ଅସ୍ଥି ଭଗ୍ନ କରେ ।
\s5
\v 16 ତୁମ୍ଭେ କିମ୍ବା ମଧୁ ପାଇଅଛ ? ତୁମ୍ଭର ଯେତିକି ଯଥେଷ୍ଟ, ସେତିକି ଖାଅ; ବହୁତ ଖାଇଲେ ତୁମ୍ଭେ ତାହା ଉଦ୍‍ଗାର କରି ପକାଇବ ।
\v 17 ତୁମ୍ଭର ପାଦ ତୁମ୍ଭ ପ୍ରତିବାସୀର ଗୃହରେ କ୍ୱଚିତ ପଡ଼ୁ । ନୋହିଲେ ତୁମ୍ଭ ବିଷୟରେ କ୍ଳାନ୍ତ ହୋଇ ସେ ତୁମ୍ଭକୁ ଘୃଣା କରିବ ।
\s5
\v 18 ପ୍ରତିବାସୀ ବିରୁଦ୍ଧରେ ଯେ ମିଥ୍ୟାସାକ୍ଷ୍ୟଦିଏ, ସେ ଗଦା, ଖଡ଼୍‍ଗ ଓ ତୀକ୍ଷ୍‍ଣ ତୀର ସ୍ୱରୂପ;
\v 19 ଦୁର୍ଦ୍ଦଶା ସମୟରେ ବିଶ୍ୱାସଘାତକ ଲୋକଠାରେ ବିଶ୍ୱାସ, ଭଗ୍ନ ଦନ୍ତ ଓ ଖଞ୍ଜଖସା ଚରଣ ତୁଲ୍ୟ ।
\s5
\v 20 ଶୀତକାଳରେ ବସ୍ତ୍ର କାଢ଼ି ନେବା ଓ ସୋଡା ଉପରେ ଅମ୍ଳରସ ମିଶାଇବା ଲୋକ ଯେପରି, ଦୁଃଖିତମନା ନିକଟରେ ଗୀତ ଗାଇବା ଲୋକ ସେପରି ।
\s5
\v 21 ତୁମ୍ଭର ଶତ୍ରୁ କ୍ଷୁଧିତ ହେଲେ, ତାହାକୁ ଅନ୍ନ ଭୋଜନ କରାଅ; ପୁଣି, ସେ ତୃଷିତ ହେଲେ, ତାହାକୁ ଜଳ ପାନ କରାଅ;
\v 22 ତହିଁରେ ତୁମ୍ଭେ ତାହାର ମସ୍ତକରେ ଜ୍ୱଳ ଅଙ୍ଗାର ରାଶି କରି ଥୋଇବ, ପୁଣି, ସଦାପ୍ରଭୁ ତୁମ୍ଭକୁ ପୁରସ୍କାର ଦେବେ ।
\s5
\v 23 ଯେପରି ଉତ୍ତରୀୟ ବାୟୁ ବୃଷ୍ଟିର ଉତ୍ପାଦକ, ସେପରି ଖଚୁଆର ଜିହ୍ୱା କ୍ରୋଧଦୃଷ୍ଟିର ଉତ୍ପାଦକ ।
\v 24 କଳିହୁଡ଼ୀ ସ୍ତ୍ରୀ ସଙ୍ଗରେ ଏକା ଗୃହରେ ବାସ କରିବା ଅପେକ୍ଷା ଛାତର ଏକ କୋଣରେ ବାସ କରିବାର ଭଲ ।
\s5
\v 25 ତୃଷିତ ପ୍ରାଣକୁ ଶୀତଳ ଜଳ ଯେରୂପ, ଦୂର ଦେଶରୁ ସୁସମାଚାର ସେରୂପ ।
\v 26 ଗୋଳିଆ ଜଳାଶୟ ଓ ମଳିନ ନିର୍ଝର ଯେରୂପ, ଦୁଷ୍ଟ ଲୋକ ଆଗରେ ବିଚଳିତ ଧାର୍ମିକ ସେରୂପ ।
\s5
\v 27 ବହୁତ ମହୁ ଖାଇବାର ଯେପରି ଭଲ ନୁହେଁ, ସେପରି ମନୁଷ୍ୟମାନେ ଆପଣା ଗୌରବ ଅନୁସନ୍ଧାନ କରିବାର ଗୌରବ ନୁହେଁ ।
\v 28 ଯାହାର ଆତ୍ମା ଅଟକ ମାନେ ନାହିଁ, ସେ ଭଗ୍ନ ଓ ପ୍ରାଚୀରହୀନ ନଗର ତୁଲ୍ୟ ।
\s5
\c 26
\p
\v 1 ଯେପରି ଗ୍ରୀଷ୍ମକାଳରେ ହିମ ଓ ଫସଲ ସମୟରେ ବୃଷ୍ଟି, ସେପରି ମୂର୍ଖକୁ ସମ୍ମାନ ଅନୁପଯୁକ୍ତ ।
\v 2 ଯେପରି ଘରଚଟିଆ ଭ୍ରମଣ କରୁଥିବା ବେଳେ ଓ ତାଳଚୋଞ୍ଚ ଉଡ଼ୁଥିବା ବେଳେ, ସେପରି ଅକାରଣରେ ଦତ୍ତ ଶାପ ନିକଟକୁ ଆସେ ନାହିଁ ।
\s5
\v 3 ଅଶ୍ୱ ପାଇଁ କୋରଡ଼ା ଗର୍ଦ୍ଦଭ ପାଇଁ ଲଗାମ, ପୁଣି, ମୂର୍ଖର ପିଠି ପାଇଁ ବାଡ଼ି ।
\v 4 ମୂର୍ଖକୁ ତାହାର ଅଜ୍ଞାନତାନୁସାରେ ଉତ୍ତର ଦିଅ ନାହିଁ, ଦେଲେ ତୁମ୍ଭେ ମଧ୍ୟ ତାହାର ସମାନ ହେବ ।
\s5
\v 5 ମୂର୍ଖକୁ ତାହାର ଅଜ୍ଞାନତାନୁସାରେ ଉତ୍ତର ଦିଅ, ନୋହିଲେ ସେ ଆପଣା ଦୃଷ୍ଟିରେ ଆପଣାକୁ ଜ୍ଞାନୀ ବୋଧ କରିବ ।
\v 6 ମୂର୍ଖ ହାତରେ ଯେ ସମାଚାର ପଠାଏ, ସେ ଆପଣା ପାଦ ଆପେ କାଟି କ୍ଷତି ଭୋଗ କରେ ।
\s5
\v 7 ନେଙ୍ଗଡ଼ାର ଚରଣ ଯେପରି ନଡ଼ନଡ଼, ଅଜ୍ଞାନର ମୁଖରେ ସେପରି ହିତୋପଦେଶ-ବାକ୍ୟ ।
\v 8 ଯେପରି ପ୍ରସ୍ତରରାଶିରେ ମଣିର ଥଳୀ, ସେପରି ସେ, ଯେ ମୂର୍ଖକୁ ସମ୍ମାନ ଦିଏ ।
\s5
\v 9 ମତ୍ତ ଲୋକର ହସ୍ତରେ ଉଠାଯିବା କଣ୍ଟକ ଯେପରି, ମୂର୍ଖମାନଙ୍କ ମୁଖରେ ହିତୋପଦେଶ ବାକ୍ୟ ସେପରି ।
\v 10 ବାଣୁଆ ଯେପରି ସମସ୍ତଙ୍କୁ କ୍ଷତବିକ୍ଷତ କରେ, ସେପରି ସେହି ଲୋକ, ଯେ ମୂର୍ଖକୁ ବେତନ ଦିଏ ଓ ଯେ ପଥିକକୁ ବେତନ ଦିଏ ।
\s5
\v 11 ଆପଣା ବାନ୍ତି ପ୍ରତି ଫେରିବା କୁକ୍‍କୁର ଯେପରି, ପୁନଃ ପୁନଃ ଆପଣା ଅଜ୍ଞାନତାର କର୍ମ କରିବା ମୂର୍ଖ ସେପରି ।
\v 12 ଯେ ଆପଣା ଦୃଷ୍ଟିରେ ଜ୍ଞାନୀ, ଏପରି ଲୋକକୁ ଦେଖୁଅଛ କି ? ତାହା ଅପେକ୍ଷା ମୂର୍ଖ ବିଷୟରେ ଅଧିକ ଭରସା ଅଛି ।
\s5
\v 13 ଅଳସୁଆ କହେ, ବାଟରେ ସିଂହ ଅଛି, ସଡ଼କରେ ସିଂହ ଅଛି ।
\v 14 ଯେପରି କବ୍‍ଜାରେ କବାଟ ବୁଲେ, ସେପରି ଅଳସୁଆ ଆପଣା ଶଯ୍ୟାରେ ଥାଇ କରେ ।
\s5
\v 15 ଅଳସୁଆ ଥାଳୀରେ ହାତ ବୁଡ଼ାଇ ଆଉ ଥରେ ତାହା ମୁଖକୁ ନେବାକୁ ଥକିଯାଏ ।
\v 16 ସାତ ଜଣ ସୁବିଚାରସିଦ୍ଧ ଉତ୍ତରକାରୀ ଅପେକ୍ଷା ଅଳସୁଆ ଆପଣା ଦୃଷ୍ଟିରେ ଜ୍ଞାନବାନ୍ ।
\s5
\v 17 ଯେଉଁ ଲୋକ ପଥରେ ଯାଉ ଯାଉ ଆପଣାର ଅସମ୍ପର୍କୀୟ ବିବାଦରେ ରାଗାନ୍ୱିତ ହୁଏ, ସେ କୁକ୍‍କୁର କାନ ଧରିବା ଲୋକ ତୁଲ୍ୟ ।
\s5
\v 18 ଅଗ୍ନିବାଣ, ତୀର ଓ ମୃତ୍ୟୁ ନିକ୍ଷେପକାରୀ ବାତୁଳ ଯେପରି;
\v 19 ଆପଣା ପ୍ରତିବାସୀକୁ ଯେଉଁ ଲୋକ ଭୁଲାଇ କହେ, ମୁଁ କ'ଣ କୌତୁକ କରୁ ନାହିଁ ? ସେ ସେପରି ।
\s5
\v 20 କାଷ୍ଠ ଶେଷ ହେଲେ ଅଗ୍ନି ନିଭି ଯାଏ, କର୍ଣ୍ଣେଜପ ନ ଥିଲେ କଳି ନିବୃତ୍ତ ହୁଏ ।
\v 21 ଯେପରି ଜ୍ୱଳନ୍ତା ଅଙ୍ଗାରକୁ ଅଙ୍ଗାର ଓ ଅଗ୍ନିକି କାଷ୍ଠ, ସେପରି ବିବାଦ ବଢ଼ାଇବାକୁ କଳିହୁଡ଼ା ଲୋକ ।
\s5
\v 22 କର୍ଣ୍ଣେଜପର ବାକ୍ୟ ଅମୃତ ତୁଲ୍ୟ, ତାହା ଉଦରର ଅନ୍ତରାଳୟକୁ ଚାଲିଯାଏ ।
\v 23 ଅନୁରାଗୀ ଓଷ୍ଠ ଓ ମନ୍ଦ ହୃଦୟ ରୂପା ଖାଦରେ ମଣ୍ଡିତ ମୃତ୍ତିକାପାତ୍ର ତୁଲ୍ୟ ।
\s5
\v 24 ଘୃଣାକାରୀ ଆପଣା ଓଷ୍ଠରେ କପଟ କରେ, ମାତ୍ର ମନରେ ପ୍ରବଞ୍ଚନା ରଖେ ।
\v 25 ସେ ମିଷ୍ଟସ୍ୱରରେ କହିଲେ, ତାହାକୁ ବିଶ୍ୱାସ କର ନାହିଁ, ଯେହେତୁ ତାହାର ହୃଦୟରେ ସାତଟା ଘୃଣ୍ୟ ବିଷୟ ଥାଏ ।
\v 26 ତାହାର ଘୃଣା କପଟରେ ଆପଣାକୁ ଆବୃତ କଲେ ହେଁ ତାହାର ମନ୍ଦତା ସଭାରେ ପ୍ରକାଶ ପାଇବ ।
\s5
\v 27 ଯେ ଖାତ ଖୋଳେ, ସେ ଆପେ ତହିଁ ଭିତରେ ପଡ଼ିବ; ପୁଣି, ଯେ ପଥର ଗଡ଼ାଏ, ତାହା ତାହାର ଉପରକୁ ନେଉଟିବ ।
\v 28 ମିଥ୍ୟାବାଦୀ-ଜିହ୍ୱା ଯାହାକୁ ଚୂର୍ଣ୍ଣ କରେ, ତାହାକୁ ହିଁ ଘୃଣା କରେ; ପୁଣି, ଚାଟୁବାଦୀ ମୁଖ ସର୍ବନାଶ ଜନ୍ମାଏ ।
\s5
\c 27
\p
\v 1 ତୁମ୍ଭେ କାଲିର ବିଷୟରେ ଦର୍ପ କଥା କୁହ ନାହିଁ; ଯେହେତୁ ଏକ ଦିନ କଅଣ ଉତ୍ପାଦନ କରିବ, ତାହା ତୁମ୍ଭକୁ ଜଣା ନାହିଁ ।
\v 2 ଅନ୍ୟ ଲୋକ ତୁମ୍ଭର ପ୍ରଶଂସା କରୁ, ମାତ୍ର ତୁମ୍ଭର ନିଜ ମୁଖ ତାହା ନ କରୁ; ଅପର ଲୋକ କରୁ, ମାତ୍ର ତୁମ୍ଭ ନିଜ ଓଷ୍ଠ ତାହା ନ କରୁ ।
\s5
\v 3 ଭାରୀ ପଥର ଓ ଗୁରୁ ବାଲି; ମାତ୍ର ଅଜ୍ଞାନର ବିରକ୍ତି, ସେ ଦୁଇରୁ ଭାରୀ ।
\v 4 କୋପ ନିଷ୍ଠୁର ଓ କ୍ରୋଧ ପ୍ରଳୟକାରୀ; ମାତ୍ର ଅନ୍ତର୍ଜ୍ୱଳା ଆଗରେ କିଏ ଠିଆ ହୋଇ ପାରେ ?
\s5
\v 5 ଗୁପ୍ତ ପ୍ରେମଠାରୁ ପ୍ରକାଶିତ ଅନୁଯୋଗ ଭଲ ।
\v 6 ପ୍ରେମକାରୀର କ୍ଷତ ବିଶ୍ୱାସ୍ୟ; ମାତ୍ର ଶତ୍ରୁର ଚୁମ୍ବନ ବହୁଳ ।
\s5
\v 7 ତୃପ୍ତ ପ୍ରାଣୀ ମହୁଚାକକୁ ଘୃଣା କରେ; ମାତ୍ର କ୍ଷୁଧାର୍ତ୍ତ ପ୍ରାଣୀକୁ ତିକ୍ତ ଦ୍ରବ୍ୟସବୁ ମିଷ୍ଟ ।
\v 8 ଯେଉଁ ଲୋକ ଆପଣା ସ୍ଥାନ ଛାଡ଼ି ଭ୍ରମଣ କରେ, ସେ ବସାରୁ ଭ୍ରମଣକାରୀ ପକ୍ଷୀର ତୁଲ୍ୟ ।
\s5
\v 9 ତୈଳ ଓ ସୁଗନ୍ଧି ଧୂପ ମନକୁ ଆହ୍ଲାଦିତ କରେ, ମନର ମନ୍ତ୍ରଣାରୁ ଜାତ ମିତ୍ରର ମିଷ୍ଟତା ତଦ୍ରୁପ କରେ ।
\v 10 ନିଜର ବନ୍ଧୁକୁ ଓ ପିତାର ବନ୍ଧୁକୁ ତ୍ୟାଗ କର ନାହିଁ; ପୁଣି, ତୁମ୍ଭର ବିପଦ ଦିନରେ ଆପଣା ଭାଇର ଗୃହକୁ ଯାଅ ନାହିଁ; ଦୂରସ୍ଥ ଭାଇଠାରୁ ନିକଟସ୍ଥ ପ୍ରତିବାସୀ ଭଲ ।
\s5
\v 11 ହେ ମୋହର ପୁତ୍ର, ଜ୍ଞାନବାନ୍ ହୁଅ ଓ ମୋ' ମନକୁ ଆହ୍ଲାଦିତ କର; ତହିଁରେ ମୁଁ ଆପଣା ନିନ୍ଦକକୁ ଉତ୍ତର ଦେଇ ପାରିବି ।
\v 12 ଚତୁର ଲୋକ ବିପଦ ଦେଖି ଆପଣାକୁ ଲୁଚାଏ; ମାତ୍ର ଅସତର୍କ ଲୋକ ଆଗ ବଢ଼ି ଶାସ୍ତି ପାଏ ।
\s5
\v 13 ଅପରିଚିତ ଲୋକ ପାଇଁ ଯେ ଲଗା ହୁଏ, ତାହାର ବସ୍ତ୍ର ନିଅ; ପୁଣି, ଯେ ପରସ୍ତ୍ରୀ ପାଇଁ ଜାମିନ ହୁଏ, ତାହାକୁ ବନ୍ଧକ ରଖ ।
\v 14 ଯେଉଁ ଲୋକ ଅତି ପ୍ରଭାତରେ ଉଠି ଆପଣା ମିତ୍ରକୁ ଉଚ୍ଚ ରବରେ ଆଶୀର୍ବାଦ କରେ, ତାହାର ସେହି କର୍ମ ତାହା ପ୍ରତି ଅଭିଶାପ ରୂପେ ଗଣିତ ହେବ ।
\s5
\v 15 ଭାରୀ ବୃଷ୍ଟିଦିନରେ ଅବିରତ ବିନ୍ଦୁପାତ ଓ କଳିହୁଡ଼ୀ ସ୍ତ୍ରୀ, ଏ ଦୁଇ ଏକ ସମାନ ଅଟନ୍ତି ।
\v 16 ଯେ ତାକୁ ଅଟକାଏ, ସେ ବାୟୁକୁ ଅଟକାଏ ଓ ତାହାର ଦକ୍ଷିଣ ହସ୍ତ ତୈଳ ଉପରେ ପଡ଼େ ।
\s5
\v 17 ଯେପରି ଲୁହା ଲୁହାକୁ ସତେଜ କରେ, ସେପରି ମନୁଷ୍ୟ ଆପଣା ବନ୍ଧୁର ମୁଖ ସତେଜ କରେ ।
\v 18 ଯେକେହି ଡିମ୍ବିରି ବୃକ୍ଷ ରକ୍ଷା କରେ, ସେ ତହିଁର ଫଳ ଖାଏ; ପୁଣି, ଯେ ଆପଣା ପ୍ରଭୁ ପ୍ରତି ମନୋଯୋଗୀ ଥାଏ, ସେ ସମ୍ମାନ ପାଏ ।
\s5
\v 19 ଯେପରି ଜଳ ମୁଖକୁ ମୁଖ ଦେଖାଏ, ସେପରି ହୃଦୟ ମନୁଷ୍ୟକୁ ମନୁଷ୍ୟ ଦେଖାଏ ।
\v 20 ଯେପରି ପାତାଳ ଓ ବିନାଶ-ସ୍ଥାନ କେତେବେଳେ ତୃପ୍ତ ନୁହେଁ, ସେପରି ମନୁଷ୍ୟର ଚକ୍ଷୁ କେତେବେଳେ ତୃପ୍ତ ନୁହେଁ ।
\s5
\v 21 କୋୟିରେ ରୂପା, ଉହ୍ମାଇରେ ସୁନା, ପ୍ରଶଂସାରେ ମନୁଷ୍ୟ ପରୀକ୍ଷିତ ହୁଏ ।
\v 22 ତୁମ୍ଭେ ଗହମ ସହିତ ଅଜ୍ଞାନକୁ ଢିଙ୍କିରେ କୁଟିଲେ ହେଁ ତାହାର ଅଜ୍ଞାନତା ଛାଡ଼ିଯିବ ନାହିଁ ।
\s5
\v 23 ତୁମ୍ଭେ ଆପଣା ମେଷପଲର ଅବସ୍ଥା ଜାଣିବା ପାଇଁ ଯତ୍ନବାନ ହୁଅ, ପୁଣି ଆପଣା ପଶୁପଲ ବିଷୟରେ ଉତ୍ତମ ରୂପେ ମନୋଯୋଗ କର ।
\v 24 କାରଣ ସମ୍ପତ୍ତି ଅନନ୍ତକାଳସ୍ଥାୟୀ ନୁହେଁ ଓ ମୁକୁଟ କ'ଣ ପୁରୁଷାନୁକ୍ରମରେ ଥାଏ ?
\v 25 ଘାସ କଟା ହେଲେ କଅଁଳ ଘାସ ପ୍ରକାଶ ପାଏ, ଆଉ ପର୍ବତମାନର ତୃଣ ସଂଗୃହୀତ ହୁଏ ।
\s5
\v 26 ମେଷଛୁଆମାନେ ତୁମ୍ଭକୁ ବସ୍ତ୍ର ଦେବେ; ପୁଣି, ଛେଳି ତୁମ୍ଭ କ୍ଷେତ୍ରର ମୂଲ୍ୟ ସ୍ୱରୂପ ଅଟେ ।
\v 27 ପୁଣି, ଛେଳିଦୁଧ ତୁମ୍ଭର ଓ ତୁମ୍ଭ ପରିବାରର ଭକ୍ଷ୍ୟ ପାଇଁ ଯଥେଷ୍ଟ ହେବ; ଆଉ, ତୁମ୍ଭ ଦାସୀମାନଙ୍କ ପାଇଁ ଉପଜୀବିକା ହେବ ।
\s5
\c 28
\p
\v 1 କେହି ନ ଗୋଡ଼ାଇଲେ ହେଁ ଦୁଷ୍ଟ ପଳାଏ; ମାତ୍ର ଧାର୍ମିକମାନେ ସିଂହ ପରି ସାହସିକ ।
\v 2 ଦେଶର ଅଧର୍ମ ସକାଶୁ ତହିଁର ଅଧିପତି ଅନେକ ହୁଅନ୍ତି; ମାତ୍ର ବୁଦ୍ଧିମାନ୍ ଓ ଜ୍ଞାନବାନ୍ ଲୋକମାନଙ୍କ ଦ୍ୱାରା ତହିଁର ସ୍ଥିରତା ଦୀର୍ଘ ହୁଏ ।
\s5
\v 3 ଯେଉଁ ଦରିଦ୍ର ଲୋକ ଦୀନହୀନକୁ ଉପଦ୍ରବ କରେ, ସେ ପ୍ଳାବନକାରୀ ବୃଷ୍ଟି ପରି; ତହିଁରେ ଭକ୍ଷ୍ୟର ଅଭାବ ଘଟେ ।
\v 4 ବ୍ୟବସ୍ଥାତ୍ୟାଗକାରୀମାନେ ଦୁଷ୍ଟମାନଙ୍କୁ ପ୍ରଶଂସା କରନ୍ତି, ପୁଣି, ଆଜ୍ଞା ପାଳିବା ଲୋକମାନେ ସେମାନଙ୍କ ସହିତ ବିରୋଧ କରନ୍ତି ।
\s5
\v 5 ମନ୍ଦ ଲୋକମାନେ ନ୍ୟାୟ ବୁଝନ୍ତି ନାହିଁ, ମାତ୍ର ସଦାପ୍ରଭୁଙ୍କ ଅନ୍ୱେଷଣକାରୀମାନେ ସବୁ ବିଷୟ ବୁଝନ୍ତି ।
\v 6 ଦ୍ୱିପଥଗାମୀ କୁଟିଳ ଲୋକ ଧନୀ ହେଲେ ହେଁ ତାହା ଅପେକ୍ଷା ଆପଣା ସିଦ୍ଧତାରେ ଗମନକାରୀ ଦରିଦ୍ର ଲୋକ ଭଲ ।
\s5
\v 7 ଯେ ବ୍ୟବସ୍ଥା ମାନେ, ସେ ବୁଦ୍ଧିମାନ୍ ପୁତ୍ର; ପୁଣି, ଯେ ପେଟାର୍ଥୀମାନଙ୍କର ସଙ୍ଗୀ ହୁଏ, ସେ ଆପଣା ପିତାକୁ ଲଜ୍ଜା ଦିଏ ।
\v 8 ଯେଉଁ ଲୋକ ସୁଧ ଓ ବୃଦ୍ଧି ଦ୍ୱାରା ଆପଣା ସମ୍ପତ୍ତି ବୃଦ୍ଧି କରେ, ସେ ଦୀନହୀନ ପ୍ରତି ଦୟାକାରୀ ପାଇଁ ତାହା ସଞ୍ଚୟ କରେ ।
\s5
\v 9 ଯେଉଁ ଲୋକ ବ୍ୟବସ୍ଥା ଶୁଣିବାରୁ ଆପଣା କର୍ଣ୍ଣ ଫେରାଏ, ତାହାର ପ୍ରାର୍ଥନା ହିଁ ଘୃଣାର ବିଷୟ ହୁଏ ।
\v 10 ଯେଉଁ ଲୋକ ସରଳ ଲୋକକୁ ମନ୍ଦ ପଥରେ ଯିବାକୁ ଭୁଲାଏ, ସେ ସ୍ୱକୃତ ଖାତରେ ଆପେ ପଡ଼ିବ; ମାତ୍ର ସିଦ୍ଧ ଲୋକେ ମଙ୍ଗଳ ଅଧିକାର କରିବେ ।
\s5
\v 11 ଧନବାନ ଆପଣା ଦୃଷ୍ଟିରେ ଜ୍ଞାନବାନ୍; ମାତ୍ର ବୁଦ୍ଧିମାନ୍ ଦୀନହୀନ ଲୋକ ତାହାର ପରିଚୟ ନିଏ ।
\v 12 ଧାର୍ମିକମାନେ ଜୟ କଲେ ମହାଗୌରବ ହୁଏ; ମାତ୍ର ଦୁଷ୍ଟମାନଙ୍କର ଉନ୍ନତି ହେଲେ ଲୋକେ ଆପଣାକୁ ଲୁଚାନ୍ତି ।
\s5
\v 13 ଯେ ଆପଣା ଅଧର୍ମ ଆଚ୍ଛାଦନ କରେ, ସେ ମଙ୍ଗଳ ପାଏ ନାହିଁ; ମାତ୍ର ଯେଉଁ ଲୋକ ତାହା ସ୍ୱୀକାର କରି ଛାଡ଼େ, ସେ ଦୟା ପାଇବ ।
\v 14 ଯେଉଁ ଲୋକ ସବୁବେଳେ ଭୟ ରଖେ, ସେ ଧନ୍ୟ; ମାତ୍ର ଯେ ଆପଣା ମନକୁ କଠିନ କରେ, ସେ ଆପଦରେ ପଡ଼ିବ ।
\s5
\v 15 ଯେପରି ଗର୍ଜ୍ଜନକାରୀ ସିଂହ ଓ ଭ୍ରମଣକାରୀ ଭାଲୁ; ସେପରି ଦୀନହୀନ ପ୍ରଜାଙ୍କ ଉପରେ ଦୁଷ୍ଟ କର୍ତ୍ତା ।
\v 16 ଯେଉଁ ଅଧ୍ୟକ୍ଷ ବୁଦ୍ଧିହୀନ, ସେ ମଧ୍ୟ ଅତି ଉପଦ୍ରବୀ ହୁଏ, ମାତ୍ର ଯେ ଲୋଭକୁ ଘୃଣା କରେ, ସେ ଆପଣା ଦିନ ବଢ଼ାଇବ ।
\s5
\v 17 ଯେଉଁ ଲୋକ କୌଣସି ଲୋକର ରକ୍ତରେ ଭାରଗ୍ରସ୍ତ ହୁଏ, ସେ ଗର୍ତ୍ତ ପର୍ଯ୍ୟନ୍ତ ପଳାଇବ; କେହି ତାହାକୁ ନ ଅଟକାଉ ।
\v 18 ଯେଉଁ ଲୋକ ସିଦ୍ଧ ଭାବରେ ଚାଲେ, ସେ ରକ୍ଷା ପାଏ; ମାତ୍ର ଆପଣା ପଥରେ କୁଟିଳ ଲୋକ ଅକସ୍ମାତ୍‍ ପଡ଼ିବ ।
\s5
\v 19 ଆପଣା ଭୂମି ଯେ ଚଷେ, ସେ ଯଥେଷ୍ଟ ଆହାର ପାଇବ; ପୁଣି, ଯେ ଅସାର ଲୋକଙ୍କର ଅନୁଗାମୀ ହୁଏ, ତାହାର ଯଥେଷ୍ଟ ଦରିଦ୍ରତା ହେବ ।
\v 20 ବିଶ୍ୱସ୍ତ ଲୋକ ଆଶୀର୍ବାଦରେ ବର୍ଦ୍ଧିଷ୍ଣୁ ହେବ; ମାତ୍ର ଯେ ଧନବାନ ହେବାକୁ ଅତି ଉଦ୍ୟମ କରେ, ସେ ଅଦଣ୍ଡିତ ନୋହିବ ।
\s5
\v 21 ମୁଖାପେକ୍ଷା କରିବା ଭଲ ନୁହେଁ । କିଅବା ଖଣ୍ଡେ ରୋଟୀ ପାଇଁ ଅଧର୍ମ କରିବା ଭଲ ନୁହେଁ ।
\v 22 କୁଦୃଷ୍ଟି ଲୋକ ସମ୍ପତ୍ତି ପଛେ ଦୌଡ଼େ, ମାତ୍ର ତାହାକୁ ଅଭାବ ଆକ୍ରମଣ କରିବ ବୋଲି ସେ ଜାଣେ ନାହିଁ ।
\s5
\v 23 ଜିହ୍ୱାରେ ଚାଟୁବାଦ କରିବା ଲୋକ ଅପେକ୍ଷା ମନୁଷ୍ୟକୁ ଅନୁଯୋଗ କରିବା ଲୋକ ଶେଷରେ ଅଧିକ ଅନୁଗ୍ରହ ପାଏ ।
\v 24 ଯେ ଆପଣା ପିତା କିମ୍ବା ମାତାର ଦ୍ରବ୍ୟ ଅପହରଣ କରି କହେ, ଏଥିରେ କିଛି ଅଧର୍ମ ନାହିଁ, ସେ ସଂହାରକର ସଙ୍ଗୀ ।
\s5
\v 25 ବହୁପ୍ରତ୍ୟାଶୀ ପ୍ରାଣ ବିବାଦ ଜନ୍ମାଏ, ମାତ୍ର ଯେ ସଦାପ୍ରଭୁଙ୍କ ଉପରେ ନିର୍ଭର ରଖେ, ସେ ହୃଷ୍ଟପୁଷ୍ଟ ହେବ ।
\v 26 ଯେ ଆପଣା ଅନ୍ତଃକରଣରେ ନିର୍ଭର ରଖେ, ସେ ମୂର୍ଖ; ମାତ୍ର ଯେ ଜ୍ଞାନରେ ଚାଲେ, ସେ ରକ୍ଷା ପାଇବ ।
\s5
\v 27 ଯେ ଦରିଦ୍ରକୁ ଦାନ କରେ, ତାହାର ଅଭାବ ହେବ ନାହିଁ; ମାତ୍ର ଯେ ଆପଣା ଚକ୍ଷୁ ମୁଦେ, ସେ ଅନେକ ଅଭିଶାପ ପାଇବ ।
\v 28 ଦୁଷ୍ଟମାନେ ଉନ୍ନତ ହେଲେ, ଲୋକେ ଆପଣାମାନଙ୍କୁ ଲୁଚାନ୍ତି; ମାତ୍ର ସେମାନେ ବିନଷ୍ଟ ହେଲେ, ଧାର୍ମିକଗଣ ବର୍ଦ୍ଧିଷ୍ଣୁ ହୁଅନ୍ତି ।
\s5
\c 29
\p
\v 1 ଯେଉଁ ଲୋକ ଥରକୁ ଥର ଅନୁଯୋଗ ପାଇଲେ ହେଁ ଆପଣା ଗ୍ରୀବା ଶକ୍ତ କରେ, ସେ ପ୍ରତିକାର ବିନୁ ହଠାତ୍‍ ଭଗ୍ନ ହେବ ।
\v 2 ଧାର୍ମିକମାନେ ବର୍ଦ୍ଧିଷ୍ଣୁ ହେଲେ, ଲୋକମାନେ ଆନନ୍ଦ କରନ୍ତି; ମାତ୍ର ଦୁଷ୍ଟ ଲୋକ କର୍ତ୍ତୃତ୍ୱ ପାଇଲେ, ଲୋକମାନେ ଆର୍ତ୍ତସ୍ୱର କରନ୍ତି ।
\s5
\v 3 ଯେଉଁ ଲୋକ ଜ୍ଞାନକୁ ସ୍ନେହ କରେ, ସେ ଆପଣା ପିତାକୁ ଆନନ୍ଦିତ କରେ; ମାତ୍ର ଯେ ବେଶ୍ୟାମାନଙ୍କଠାରେ ଅନୁରକ୍ତ, ସେ ଆପଣା ସମ୍ପତ୍ତି ଉଡ଼ାଇ ଦିଏ ।
\v 4 ରାଜା ସୁବିଚାର ଦ୍ୱାରା ଦେଶ ସୁସ୍ଥିର କରେ; ମାତ୍ର ଯେ ଉପହାରପ୍ରିୟ, ସେ ତାହା ଉଜାଡ଼ି ପକାଏ ।
\s5
\v 5 ଯେଉଁ ଲୋକ ଆପଣା ପ୍ରତିବାସୀର ଚାଟୁବାଦ କରେ, ସେ ତାହାର ପାଦ ପାଇଁ ଜାଲ ପ୍ରସାରେ ।
\v 6 ମନ୍ଦ ଲୋକର ଅଧର୍ମରେ ଫାନ୍ଦ ଥାଏ; ମାତ୍ର ଧାର୍ମିକ ଗାନ ଓ ଆନନ୍ଦ କରେ ।
\s5
\v 7 ଧାର୍ମିକ ଲୋକ ଦୀନହୀନମାନଙ୍କ ଗୁହାରି ବିଷୟରେ ବିଜ୍ଞ; ମାତ୍ର ତାହା ଜାଣିବା ପାଇଁ ଦୁଷ୍ଟ ଲୋକର ବୁଦ୍ଧି ନାହିଁ ।
\v 8 ନିନ୍ଦକମାନେ ନଗରକୁ ପ୍ରଜ୍ୱଳିତ କରନ୍ତି; ମାତ୍ର ଜ୍ଞାନୀମାନେ କ୍ରୋଧ ନିବାରଣ କରନ୍ତି ।
\s5
\v 9 ଅଜ୍ଞାନ ସହିତ ଜ୍ଞାନବାନ୍ର ବିବାଦ ହେଲେ, ସେ କ୍ରୋଧ କଲେ କି ହସିଲେ, କିଛି ଶାନ୍ତି ନାହିଁ ।
\v 10 ରକ୍ତପାତପ୍ରିୟ ଲୋକମାନେ ସିଦ୍ଧ ବ୍ୟକ୍ତିକୁ ଘୃଣା କରନ୍ତି; ପୁଣି, ସେମାନେ ସରଳ ଲୋକର ପ୍ରାଣ ଖୋଜନ୍ତି ।
\s5
\v 11 ମୂର୍ଖ ଆପଣାର ସବୁ କ୍ରୋଧ ପ୍ରକାଶ କରେ; ମାତ୍ର ଜ୍ଞାନୀ ତାହା ସମ୍ଭାଳି କ୍ଷାନ୍ତ କରେ ।
\v 12 ଶାସନକର୍ତ୍ତା ଯେବେ ମିଥ୍ୟା କଥାରେ କାନ ଡେରେ, ତେବେ ତାହାର ସେବକ ସବୁ ଦୁଷ୍ଟ ହୁଅନ୍ତି ।
\s5
\v 13 ଦରିଦ୍ର ଓ ଉପଦ୍ରବୀ ଏକତ୍ର ମିଳନ୍ତି, ସଦାପ୍ରଭୁ ଉଭୟର ଚକ୍ଷୁ ଦୀପ୍ତିମାନ କରନ୍ତି ।
\v 14 ଯେଉଁ ରାଜା ବିଶ୍ୱସ୍ତ ରୂପେ ଦୀନହୀନମାନଙ୍କର ବିଚାର କରେ, ତାହାର ସିଂହାସନ ସଦାକାଳ ସୁସ୍ଥିର ହେବ ।
\s5
\v 15 ବାଡ଼ି ଓ ଅନୁଯୋଗ ଜ୍ଞାନ ଦିଏ; ମାତ୍ର ପିଲାକୁ ତାହାର ଇଚ୍ଛାରେ ଛାଡ଼ିଦେଲେ, ସେ ତାହାର ମାତାକୁ ଲଜ୍ଜା ଦିଏ ।
\v 16 ଦୁଷ୍ଟ ଲୋକମାନେ ବର୍ଦ୍ଧିଷ୍ଣୁ ହେଲେ, ଅଧର୍ମ ବଢ଼େ; ମାତ୍ର ଧାର୍ମିକମାନେ ସେମାନଙ୍କର ନିପାତ ଦେଖିବେ ।
\s5
\v 17 ଆପଣା ପୁତ୍ରକୁ ଶାସ୍ତି ଦେଲେ, ସେ ତୁମ୍ଭକୁ ଶାନ୍ତି ଦେବ; ପୁଣି, ସେ ତୁମ୍ଭ ପ୍ରାଣକୁ ସୁଖ ଦେବ ।
\v 18 ଈଶ୍ୱରୀୟ ପ୍ରତ୍ୟାଦେଶ ଅଭାବରେ ଲୋକମାନେ ବିନଷ୍ଟ ହୁଅନ୍ତି; ମାତ୍ର ଯେଉଁ ଲୋକ ବ୍ୟବସ୍ଥା ପାଳେ, ସେ ଧନ୍ୟ ।
\s5
\v 19 କଥାମାତ୍ରରେ ଦାସର ଦମନ ହୁଏ ନାହିଁ; ଯେହେତୁ ସେ ବୁଝିଲେ ହେଁ ମନୋଯୋଗ କରେ ନାହିଁ ।
\v 20 ତୁମ୍ଭେ କି କଥାରେ ଚଞ୍ଚଳ ଲୋକକୁ ଦେଖୁଅଛ ? ତାହା ଅପେକ୍ଷା ମୂର୍ଖ ବିଷୟରେ ଅଧିକ ଭରସା ଅଛି ।
\s5
\v 21 ଯେ ପିଲାଦିନୁ ଆପଣା ଦାସକୁ ଗେହ୍ଲା କରି ପାଳେ, ଶେଷରେ ସେହି ଦାସ ତାହାର ପୁତ୍ର ହୋଇ ଉଠେ ।
\v 22 କ୍ରୋଧୀ ଲୋକ ବିବାଦ ଜନ୍ମାଏ, ପୁଣି, ରାଗାନ୍ଧ ଲୋକ ବହୁତ ଅଧର୍ମ କରେ ।
\s5
\v 23 ମନୁଷ୍ୟର ଅହଙ୍କାର ତାହାକୁ ନତ କରିବ; ମାତ୍ର ଯାହାର ଆତ୍ମା ବିନତ, ସେ ସମ୍ମାନ ପାଇବ ।
\v 24 ଚୋରର ଭାଗୀ ଆପଣା ପ୍ରାଣକୁ ଘୃଣା କରେ, ସେ ରାଣ କରାଇବାର କଥା ଶୁଣେ, କିନ୍ତୁ କିଛି ପ୍ରକାଶ କରେ ନାହିଁ ।
\s5
\v 25 ଲୋକଭୟ ଫାନ୍ଦଜନକ; ମାତ୍ର ସଦାପ୍ରଭୁଙ୍କ ଠାରେ ଯେ ନିର୍ଭର ରଖେ, ସେ ସୁରକ୍ଷିତ ହେବ ।
\v 26 ଅନେକେ ଶାସନକର୍ତ୍ତାର ଅନୁଗ୍ରହ ଚାହାନ୍ତି; ମାତ୍ର ମନୁଷ୍ୟର ବିଚାର ସଦାପ୍ରଭୁଙ୍କଠାରୁ ହୁଏ ।
\s5
\v 27 ଅଧର୍ମକାରୀ ଲୋକ ଧାର୍ମିକର ଘୃଣା ବିଷୟ, ପୁଣି, ସରଳପଥଗାମୀ ଦୁଷ୍ଟ ଲୋକର ଘୃଣା ବିଷୟ ହୁଏ ।
\s5
\c 30
\s ଆଗୁରର କଥା
\p
\v 1 ଯାକିର ପୁତ୍ର ଆଗୁରର କଥା : ଅର୍ଥ ଭାରୋକ୍ତି । ସେ ମନୁଷ୍ୟ ଈଥୀୟେଲକୁ, ଅର୍ଥାତ୍‍, ଈଥୀୟେଲ ଓ ଉକଲକୁ କହେ :
\v 2 ଅବଶ୍ୟ ମୁଁ ମନୁଷ୍ୟ ଅପେକ୍ଷା ପଶୁବତ୍‍, ପୁଣି, ମୋ'ଠାରେ ମନୁଷ୍ୟର ବିବେଚନା ନାହିଁ ।
\v 3 ମୁଁ ଜ୍ଞାନ ଶିଖି ନାହିଁ, ଅବା ଧର୍ମସ୍ୱରୂପଙ୍କ ବିଷୟକ ବିଦ୍ୟା ମୋ'ଠାରେ ନାହିଁ ।
\s5
\v 4 କିଏ ସ୍ୱର୍ଗାରୋହଣ କରି ସେଠାରୁ ଅବରୋହଣ କରିଅଛି ? କିଏ ଆପଣା ମୁଷ୍ଟିରେ ବାୟୁ ଏକତ୍ର କରିଅଛି ? କିଏ ଆପଣା ବସ୍ତ୍ରରେ ଜଳସମୂହକୁ ବାନ୍ଧିଅଛି ? କିଏ ପୃଥିବୀର ସବୁ ସୀମା ନିରୂପଣ କରିଅଛି ? ତାହାଙ୍କର ନାମ କଅଣ ? ତାହାଙ୍କ ପୁତ୍ରର ନାମ କଅଣ ? ଏହା ଯେବେ ଜାଣ, ତେବେ କୁହ ।
\s5
\v 5 ପରମେଶ୍ୱରଙ୍କର ପ୍ରତ୍ୟେକ ବାକ୍ୟ ପରୀକ୍ଷାସିଦ୍ଧ; ଯେଉଁମାନେ ତାହାଙ୍କର ଆଶ୍ରୟ ନିଅନ୍ତି, ସେ ସେମାନଙ୍କର ଢାଲ ।
\v 6 ତାହାଙ୍କ ବାକ୍ୟରେ ଯୋଗ କର ନାହିଁ, କଲେ ସେ ତୁମ୍ଭକୁ ଅନୁଯୋଗ କରିବେ, ପୁଣି, ତୁମ୍ଭେ ମିଥ୍ୟାବାଦୀ ଜଣା ପଡ଼ିବ ।
\s5
\v 7 ମୁଁ ତୁମ୍ଭ ନିକଟରେ ଏ ଦୁଇ ବର ମାଗିଅଛି, ମୁଁ ମରିବା ପୂର୍ବରୁ ତାହା ମୋତେ ଦେବାକୁ ଅସମ୍ମତ ହୁଅ ନାହିଁ ।
\v 8 ଅସାରତା ଓ ମିଥ୍ୟାକଥା ମୋ'ଠାରୁ ଦୂର କର; ମୋତେ ଦରିଦ୍ରତା କି ଧନ ଦିଅ ନାହିଁ; ମୋ' ପଡ଼ିର ଭାଗ ଦେଇ ମୋତେ ପ୍ରତିପୋଷଣ କର ।
\v 9 ନୋହିଲେ ମୁଁ ପରିତୃପ୍ତ ହୋଇ ତୁମ୍ଭକୁ ଅସ୍ୱୀକାର କରି କହିବି, ସଦାପ୍ରଭୁ କିଏ ? କିଅବା ଦରିଦ୍ର ହେଲେ ଚୋରି କରି ଆପଣା ପରମେଶ୍ୱରଙ୍କର ନାମ ମିଥ୍ୟାରେ ନେବି ।
\s5
\v 10 ଦାସର ପ୍ରଭୁ ନିକଟରେ ତାହାର ଅପବାଦ କର ନାହିଁ, କଲେ ସେ ତୁମ୍ଭକୁ ଅଭିଶାପ ଦେବ ଓ ତୁମ୍ଭେ ଅପରାଧୀ ଗଣିତ ହେବ ।
\s5
\v 11 ଯେଉଁମାନେ ଆପଣା ପିତାକୁ ଶାପ ଦିଅନ୍ତି, ପୁଣି, ଆପଣା ମାତାକୁ ଆଶୀର୍ବାଦ କରନ୍ତି ନାହିଁ, ଏପରି ଏକ ବଂଶ ଅଛି ।
\v 12 ଆପଣା ଦୃଷ୍ଟିରେ ନିର୍ମଳ, ଏପରି ଏକ ବଂଶ ଅଛି, ତଥାପି ସେମାନେ ଆପଣା ମଳିନତାରୁ ଧୌତ ହୋଇ ନାହାନ୍ତି ।
\s5
\v 13 ଏକ ବଂଶ ଅଛି, ଆଃ, ସେମାନଙ୍କ ଦୃଷ୍ଟି କିପରି ଉଚ୍ଚ ! ସେମାନଙ୍କ ଚକ୍ଷୁର ପତା ଉତ୍‍ଥିତ ହୋଇଅଛି ।
\v 14 ପୃଥିବୀରୁ ଦୁଃଖୀମାନଙ୍କୁ ଓ ମନୁଷ୍ୟଗଣ ମଧ୍ୟରୁ ଦରିଦ୍ରମାନଙ୍କୁ ଗ୍ରାସ କରିବା ପାଇଁ ଯେଉଁମାନଙ୍କର ଦନ୍ତ ଖଡ଼୍‍ଗ ପରି ଓ କଳଦନ୍ତ ଛୁରୀ ପରି, ଏପରି ଏକ ବଂଶ ଅଛି ।
\s5
\v 15 ଜୋକର ଦୁଇ କନ୍ୟା ଅଛନ୍ତି, ଯେଉଁମାନେ କହନ୍ତି ଦିଅ, ଦିଅ । ତିନିଟା ବସ୍ତୁ ଅଛି, ଯାହା କେବେ ତୃପ୍ତ ନୁହେଁ, ପୁଣି, ଚାରି ବସ୍ତୁ କେବେ କହେ ନାହିଁ, ଯଥେଷ୍ଟ ହେଲା ।
\v 16 ପାତାଳ ଓ ବନ୍ଧ୍ୟା-ଗର୍ଭ; ଜଳରେ ଅତୃପ୍ତ ଭୂମି ଓ ଅଗ୍ନି, ଯେ କହେ ନାହିଁ, ଯଥେଷ୍ଟ ହେଲା ।
\v 17 ଯେଉଁ ଚକ୍ଷୁ ଆପଣା ପିତାକୁ ପରିହାସ କରେ ଓ ମାତାର କଥା ମାନିବାକୁ ତୁଚ୍ଛବୋଧ କରେ, ତାହା ଉପତ୍ୟକାର ଡାମରାକୁଆମାନେ କାଢ଼ି ପକାଇବେ, ପୁଣି, ଉତ୍କ୍ରୋଶ ପକ୍ଷୀର ଛୁଆମାନେ ତାହା ଖାଇବେ ।
\s5
\v 18 ତିନି କଥା ମୋହର ବୋଧାଗମ୍ୟ, ପୁଣି, ଚାରି କଥା ମୁଁ ଜାଣୁ ନାହିଁ ।
\v 19 ଆକାଶରେ ଉତ୍କ୍ରୋଶ ପକ୍ଷୀର ଗତି, ପ୍ରସ୍ତରରେ ସର୍ପର ଗତି, ସମୁଦ୍ର ମଧ୍ୟରେ ଜାହାଜର ଗତି, ଯୁବତୀଠାରେ ପୁରୁଷର ଗତି ।
\s5
\v 20 ସେହି ପ୍ରକାର ବ୍ୟଭିଚାରିଣୀ ସ୍ତ୍ରୀର ଗତି, ସେ ଖାଇ ମୁହଁ ପୋଛି ଦିଏ ଓ କହେ, ଆମ୍ଭେ କିଛି ଅଧର୍ମ କରି ନାହୁଁ ।
\s5
\v 21 ତିନି କଥାର ଭାରରେ ପୃଥିବୀ କମ୍ପିତ ହୁଏ, ପୁଣି ଚାରି କଥାର ଭାରରେ ମଧ୍ୟ, ତାହା ସେ ସହି ପାରେ ନାହିଁ;
\v 22 ରାଜତ୍ୱପ୍ରାପ୍ତ ଦାସର ଭାର ଓ ଆହାରରେ ପରିତୃପ୍ତ ମୂଢ଼ର ଭାର; ବିବାହ ହେବା ଘୃଣ୍ୟ ସ୍ତ୍ରୀର ଭାର;
\v 23 ପୁଣି, ଆପଣା କର୍ତ୍ତ୍ରୀର ଉତ୍ତରାଧିକାରିଣୀ ଦାସୀର ଭାର ।
\s5
\v 24 ଚାରି ପ୍ରାଣୀ ପୃଥିବୀରେ ସାନ, ମାତ୍ର ଅତିଶୟ ଜ୍ଞାନବାନ୍,
\v 25 ପିମ୍ପୁଡ଼ିଗଣ ଦୁର୍ବଳ ଜାତି, ତଥାପି ଗ୍ରୀଷ୍ମକାଳରେ ଆହାର ସଞ୍ଚୟ କରନ୍ତି ।
\v 26 ଶାଫନ୍‍ ଜନ୍ତୁଗଣ ଶକ୍ତିହୀନ ଜାତି, ତଥାପି ସେମାନେ ଶୈଳରେ ଆପଣା ଆପଣା ବସା ନିର୍ମାଣ କରନ୍ତି ।
\s5
\v 27 ପଙ୍ଗପାଳମାନଙ୍କର କୌଣସି ରାଜା ନାହିଁ, ତଥାପି ସେସମସ୍ତେ ଦଳବଦ୍ଧ ହୋଇ ଗମନ କରନ୍ତି ।
\v 28 ପୁଣି, ବୁଢ଼ିଆଣି ହସ୍ତ ଦ୍ୱାରା ଧରେ, ତଥାପି ସେ ରାଜାର ଅଟ୍ଟାଳିକାରେ ଥାଏ ।
\s5
\v 29 ତିନି ପ୍ରାଣୀ ସୁନ୍ଦର ରୂପେ ଗମନ କରନ୍ତି, ପୁଣି, ଚାରି ପ୍ରାଣୀ ସୁନ୍ଦର ରୂପେ ଗମନ କରନ୍ତି;
\v 30 ପଶୁମାନଙ୍କ ମଧ୍ୟରେ ବିକ୍ରମୀ ସିଂହ କାହା ସମ୍ମୁଖରୁ ଫେରେ ନାହିଁ ।
\v 31 ଯୁଦ୍ଧାଶ୍ୱ; ଛାଗ ଓ ରାଜା, ଯାହା ବିରୁଦ୍ଧରେ କେହି ଉଠେ ନାହିଁ ।
\s5
\v 32 ଯେବେ ତୁମ୍ଭେ ଆପଣାକୁ ଉଚ୍ଚ କରିବାରେ ମୂଢ଼ର କର୍ମ କରିଥାଅ, କିଅବା ଯେବେ କୁକଳ୍ପନା କରୁଥାଅ, ତେବେ ଆପଣା ମୁଖରେ ହାତ ଦିଅ ।
\v 33 କାରଣ ଯେପରି ଦୁଗ୍ଧ ମନ୍ଥନରେ ଲବଣୀ ବାହାରେ ଓ ନାସିକା ମନ୍ଥନରେ ରକ୍ତ ବାହାରେ; ତଦ୍ରୂପ କ୍ରୋଧ ମନ୍ଥନରେ ବିବାଦ ବାହାରେ ।
\s5
\c 31
\s ଲମୂୟେଲ ରାଜାର କଥା
\p
\v 1 ଲମୂୟେଲ ରାଜାର କଥା: ଅର୍ଥାତ୍‍, ତାହାର ମାତା ତାହାକୁ ଯାହା ଶିଖାଇଥିଲା, ସେହି ଭାରୋକ୍ତି ।
\v 2 ହେ ମୋହର ପୁତ୍ର, ହେ ମୋ' ଗର୍ଭର ପୁତ୍ର, ହେ ମୋ' ମାନତର ପୁତ୍ର, କଅଣ କହିବି ?
\v 3 ତୁମ୍ଭେ ସ୍ତ୍ରୀଲୋକଙ୍କୁ ଆପଣା ବଳ ଦିଅ ନାହିଁ, ଅବା ରାଜାମାନେ ଯହିଁରେ ବିନଷ୍ଟ ହୁଅନ୍ତି, ତହିଁରେ ଗତି କର ନାହିଁ ।
\s5
\v 4 ହେ ଲମୂୟେଲ, ରାଜାମାନଙ୍କର ଦ୍ରାକ୍ଷାରସ ପାନ କରିବା ଉଚିତ ନୁହେଁ, ରାଜାମାନଙ୍କର ଉଚିତ ନୁହେଁ; କିଅବା ମଦ୍ୟ କାହିଁ ବୋଲି କହିବା ଭୂପତିମାନଙ୍କର ଉଚିତ ନୁହେଁ ।
\v 5 ସେମାନେ ପାନ କଲେ, ବ୍ୟବସ୍ଥା ପାସୋରି ଦୁଃଖୀସନ୍ତାନ ସମସ୍ତଙ୍କର ବିଚାର ବିପରୀତ କରିବେ ।
\s5
\v 6 ମୃତକଳ୍ପ ଲୋକକୁ ମଦ୍ୟ ଦିଅ ଓ ତିକ୍ତମନା ଲୋକକୁ ଦ୍ରାକ୍ଷାରସ ଦିଅ ।
\v 7 ସେ ଲୋକ ପାନ କରି ଆପଣା ଦରିଦ୍ରତା ପାସୋରୁ ଓ ଆପଣା କ୍ଳେଶ ଆଉ ମନରେ ନ କରୁ ।
\s5
\v 8 ଘୁଙ୍ଗା ଲୋକଙ୍କ ପକ୍ଷରେ, ସମସ୍ତ ଅନାଥଙ୍କ ପକ୍ଷରେ, ଆପଣା ମୁଖ ଫିଟାଅ ।
\v 9 ମୁଖ ଫିଟାଇ ଯଥାର୍ଥ ବିଚାର କର, ପୁଣି, ଦୁଃଖୀ ଓ ଦରିଦ୍ରମାନଙ୍କର ସୁବିଚାର କର ।
\s ସର୍ବଗୁଣ ସମ୍ପନ୍ନା ସ୍ତ୍ରୀ
\p
\s5
\v 10 ଗୁଣବତୀ ସ୍ତ୍ରୀ କିଏ ପାଇପାରେ ? ମୁକ୍ତାଠାରୁ ହିଁ ତାହାର ମୂଲ୍ୟ ଅଧିକ ।
\v 11 ତାହାର ସ୍ୱାମୀର ହୃଦୟ ତାହାଠାରେ ନିର୍ଭର କରେ, ପୁଣି, ତାହାର ଲାଭର ଅଭାବ ହୁଏ ନାହିଁ ।
\v 12 ସେ ଜୀବନଯାଏ ସ୍ୱାମୀର କ୍ଷତି ନ କରି ମଙ୍ଗଳ କରେ ।
\s5
\v 13 ସେ ମେଷଲୋମ ଓ ମସିନା ଖୋଜି ସନ୍ତୋଷରେ ଆପଣା ହସ୍ତରେ କର୍ମ କରେ ।
\v 14 ସେ ବାଣିଜ୍ୟ-ଜାହାଜ ତୁଲ୍ୟ; ସେ ଦୂରରୁ ଆପଣା ଆହାର ଆଣେ ।
\v 15 ମଧ୍ୟ ସେ ରାତ୍ରି ଥାଉ ଥାଉ ଉଠେ ଓ ଆପଣା ପରିଜନ ସମସ୍ତଙ୍କୁ ଖାଦ୍ୟ ଓ ଦାସୀଗଣଙ୍କୁ ନିରୂପିତ କର୍ମ ଦିଏ ।
\s5
\v 16 ସେ କ୍ଷେତ୍ରର ବିଷୟ ବୁଝି ତାହା କିଣେ, ସେ ଆପଣା ହସ୍ତର ଫଳ ଦେଇ ଦ୍ରାକ୍ଷାକ୍ଷେତ୍ର ରୋପଣ କରେ ।
\v 17 ସେ ବଳରେ ଆପଣା ଅଣ୍ଟା ବାନ୍ଧେ ଓ ଆପଣା ବାହୁ ବଳବାନ କରେ ।
\s5
\v 18 ଆପଣା ବ୍ୟାପାର ଯେ ଲାଭଜନକ, ଏହା ସେ ବୁଝେ; ପୁଣି, ରାତ୍ରିକାଳରେ ତାହାର ପ୍ରଦୀପ ଲିଭିଯାଏ ନାହିଁ ।
\v 19 ସେ ଚରଖାକୁ ହାତ ବଢ଼ାଏ, ପୁଣି, ତାହାର ହସ୍ତ ତାକୁଡ଼ି ଧରେ ।
\s5
\v 20 ସେ ଦୁଃଖୀ ଲୋକମାନଙ୍କ ପ୍ରତି ମୁକ୍ତହସ୍ତା ହୁଏ ଓ ଦରିଦ୍ରମାନଙ୍କ ପ୍ରତି ଆପଣା ହାତ ବଢ଼ାଏ ।
\v 21 ସେ ହିମ ଲାଗି ଆପଣା ପରିବାର ବିଷୟରେ ଭୟ କରେ ନାହିଁ; ଯେହେତୁ ତାହାର ସମସ୍ତ ପରିବାର ସିନ୍ଦୂରବର୍ଣ୍ଣ ବସ୍ତ୍ର ପିନ୍ଧନ୍ତି ।
\s5
\v 22 ସେ ଆପଣା ନିମନ୍ତେ ଚିତ୍ରବିଚିତ୍ର ଆଚ୍ଛାଦନ ବସ୍ତ୍ର ପ୍ରସ୍ତୁତ କରେ, ପୁଣି, ସେ ଶୁଭ୍ର କ୍ଷୌମବସ୍ତ୍ର ଓ ଧୂମ୍ରବର୍ଣ୍ଣ ବସ୍ତ୍ର ପିନ୍ଧେ ।
\v 23 ତାହାର ସ୍ୱାମୀ ଦେଶୀୟ ପ୍ରାଚୀନମାନଙ୍କ ସଙ୍ଗେ ନଗର-ଦ୍ୱାରରେ ବସିବା ବେଳେ ଚିହ୍ନାଯାଏ ।
\s5
\v 24 ସେ ସୂକ୍ଷ୍ମବସ୍ତ୍ର ପ୍ରସ୍ତୁତ କରି ବିକ୍ରୟ କରେ, ପୁଣି, ବଣିକମାନଙ୍କ ହସ୍ତରେ କଟିବନ୍ଧନ ସମର୍ପଣ କରେ ।
\v 25 ବଳ ଓ ଶୋଭା ତାହାର ବସ୍ତ୍ର ସ୍ୱରୂପ; ପୁଣି, ଭବିଷ୍ୟତକାଳ ବିଷୟରେ ସେ ହାସ୍ୟ କରେ ।
\s5
\v 26 ସେ ଜ୍ଞାନରେ ଆପଣା ମୁଖ ଫିଟାଏ; ତାହାର ଜିହ୍ୱାରେ ଦୟାର ବ୍ୟବସ୍ଥା ଥାଏ ।
\v 27 ସେ ଆପଣା ପରିବାରର ଆଚରଣରେ ମନୋଯୋଗ କରେ, ପୁଣି, ଆଳସ୍ୟର ଆହାର ଖାଏ ନାହିଁ ।
\s5
\v 28 ତାହାର ସନ୍ତାନମାନେ ଉଠି ତାହାକୁ ଧନ୍ୟ ଧନ୍ୟ କହନ୍ତି ଓ ତାହାର ସ୍ୱାମୀ ହିଁ ତାହାକୁ (ଏରୂପ) ପ୍ରଶଂସା କରେ;
\v 29 ଅନେକ କନ୍ୟା ଗୁଣ ଦେଖାଇ ଅଛନ୍ତି, ମାତ୍ର ତୁମ୍ଭେ ସେସମସ୍ତଙ୍କ ଅପେକ୍ଷା ଶ୍ରେଷ୍ଠ ।
\s5
\v 30 ଲାବଣ୍ୟ ପ୍ରବଞ୍ଚନାଜନକ ଓ ସୌନ୍ଦର୍ଯ୍ୟ ଅସାର; ମାତ୍ର ଯେଉଁ ସ୍ତ୍ରୀ ସଦାପ୍ରଭୁଙ୍କୁ ଭୟ କରେ, ସେ ପ୍ରଶଂସିତା ହେବ ।
\v 31 ତାହାର ହାତର ଫଳ ତାହାକୁ ଦିଅ, ପୁଣି, ତାହାର ନିଜ କର୍ମ ନଗର-ଦ୍ୱାରରେ ତାହାର ପ୍ରଶଂସା କରୁ ।

806
21-ECC.usfm Normal file
View File

@ -0,0 +1,806 @@
\id ECC
\ide UTF-8
\sts - Odia Old Version Revision
\rem - Copyright Information: Creative Commons Attribution - ShareAlike 4.0 licence
\h - ଉପଦେଶକ
\toc1 - ଉପଦେଶକଙ୍କ ପୁସ୍ତକ
\toc2 - ଉପଦେଶକ
\toc3 ecc
\mt1 ଉପଦେଶକଙ୍କ ପୁସ୍ତକ
\mt2 THE BOOK OF
\s5
\c 1
\s ସମସ୍ତ ଅସାର
\p
\v 1 ଦାଉଦଙ୍କର ପୁତ୍ର, ଯିରୂଶାଲମସ୍ଥ ରାଜା, ଉପଦେଶକଙ୍କର ବାକ୍ୟମାଳା ।
\q1
\v 2 ଉପଦେଶକ କହୁଅଛନ୍ତି,
\q2 “ଅସାରର ଅସାର, ଅସାରର ଅସାର, ସକଳ ହିଁ ଅସାର ।
\q1
\v 3 ମନୁଷ୍ୟ ସୂର୍ଯ୍ୟ ତଳେ ଯେଉଁ ଯେଉଁ ପରିଶ୍ରମରେ ପରିଶ୍ରାନ୍ତ ହୁଏ,
\q2 ତାହାର ସେହିସବୁରୁ କି ଲାଭ ?
\q1
\s5
\v 4 ଏକ ପିଢ଼ି ଯାଏ ଓ ଅନ୍ୟ ପିଢ଼ି ଆସେ;
\q2 କିନ୍ତୁ ପୃଥିବୀ ସଦାକାଳ ଥାଏ ।
\q1
\v 5 ମଧ୍ୟ ସୂର୍ଯ୍ୟ ଉଦିତ ହୁଏ ଓ ସୂର୍ଯ୍ୟ ଅସ୍ତ ହୁଏ,
\q2 ପୁଣି ଆପଣା ଉଦୟ ସ୍ଥାନକୁ ଯିବା ପାଇଁ ସତ୍ୱର ହୁଏ ।
\q1
\v 6 ବାୟୁ ଦକ୍ଷିଣ ଦିଗକୁ ଯାଏ ଓ ଉତ୍ତର ଦିଗକୁ ଫେରେ;
\q2 ଆପଣା ପଥରେ ସର୍ବଦା ଘୁରେ
\q3 ଓ ବାୟୁ ଆପଣା ଚକ୍ରକୁ ପୁନର୍ବାର ଫେରେ ।
\q1
\s5
\v 7 ନଦୀସବୁ ସମୁଦ୍ରକୁ ବହିଯାଆନ୍ତି,
\q2 ତଥାପି ସମୁଦ୍ର ପୂର୍ଣ୍ଣ ହୁଏ ନାହିଁ;
\q3 ନଦୀସବୁ ଆପଣା ଆପଣା ଗମନ ସ୍ଥାନକୁ ପୁନର୍ବାର ଗମନ କରନ୍ତି ।
\q1
\v 8 ସମଗ୍ର ବିଷୟ କ୍ଳାନ୍ତିପୂର୍ଣ୍ଣ; ମନୁଷ୍ୟ ତାହା ବର୍ଣ୍ଣନା କରି ପାରେ ନାହିଁ;
\q2 ଚକ୍ଷୁ ଦର୍ଶନରେ ତୃପ୍ତ ନୁହେଁ, କିଅବା କର୍ଣ୍ଣ ଶ୍ରବଣରେ ତୃପ୍ତ ନୁହେଁ ।
\q1
\s5
\v 9 ଯାହା ହୋଇଅଛି, ତାହା ହିଁ ହେବ
\q2 ଓ ଯାହା କରାଯାଇଅଛି, ତାହା ହିଁ କରାଯିବ;
\q3 ପୁଣି, ସୂର୍ଯ୍ୟ ତଳେ କୌଣସି ନୂତନ ବିଷୟ ନାହିଁ ।
\q1
\v 10 ଯାହା ବିଷୟରେ ମନୁଷ୍ୟମାନେ କହନ୍ତି,
\q2 ଦେଖ, ଏହା ନୂତନ, ଏହାପରି କି କୌଣସି ବିଷୟ ଅଛି ?
\q3 ତାହା ତ ଏଥିପୂର୍ବେ ଆମ୍ଭମାନଙ୍କ ପୂର୍ବକାଳୀନ ସମୟରେ ଥିଲା ।
\q1
\v 11 ପୂର୍ବକାଳୀନ ଲୋକମାନଙ୍କ ବିଷୟରେ କିଛି ସ୍ମରଣ ନ ଥାଏ;
\q2 କିଅବା ଭବିଷ୍ୟତରେ ଯେଉଁମାନେ ଉତ୍ପନ୍ନ ହେବେ,
\q3 ସେମାନଙ୍କ ସ୍ମରଣ ହିଁ ଉତ୍ତରକାଳୀନ ଭବିଷ୍ୟତ ଲୋକମାନଙ୍କ ମଧ୍ୟରେ ନ ଥିବ ।”
\s ଜ୍ଞାନର ଅସାରତା
\p
\s5
\v 12 ମୁଁ ଉପଦେଶକ, ଯିରୂଶାଲମରେ ଇସ୍ରାଏଲ ଉପରେ ରାଜା ଥିଲି ।
\v 13 ପୁଣି, ଆକାଶ ତଳେ କୃତ ସମସ୍ତ ବିଷୟ ଜ୍ଞାନ ଦ୍ୱାରା ଆଲୋଚନା ଓ ଅନୁସନ୍ଧାନ କରିବା ପାଇଁ ମନୋଯୋଗ କଲି; ଏତଦ୍ଦ୍ୱାରା ପରମେଶ୍ୱର ଯେ ମନୁଷ୍ୟ ସନ୍ତାନଗଣକୁ ବ୍ୟସ୍ତ ହେବାକୁ ଦେଇଅଛନ୍ତି, ଏହା ଅତ୍ୟନ୍ତ କ୍ଲେଶଜନକ ।
\v 14 ସୂର୍ଯ୍ୟ ତଳେ କୃତ ସମସ୍ତ କାର୍ଯ୍ୟ ମୁଁ ନିରୀକ୍ଷଣ କରିଅଛି; ଆଉ ଦେଖ, ସବୁ ଅସାର, ବାୟୁର ପଶ୍ଚାଦ୍ଧାବନମାତ୍ର ।
\q1
\v 15 ଯାହା ବଙ୍କା, ତାହା ସଳଖ କରାଯାଇ ନ ପାରେ ପୁଣି,
\q2 ଯାହା ଅଭାବ, ତାହା ଗଣିତ ହୋଇ ନ ପାରେ ।
\p
\s5
\v 16 ମୁଁ ଆପଣା ହୃଦୟରେ ଭାବି କହିଲି, “ଦେଖ, ଯିରୂଶାଲମରେ ମୋ' ପୂର୍ବେ ଥିବା ସମସ୍ତ ଲୋକଙ୍କ ଅପେକ୍ଷା ମୁଁ ବହୁତ ଜ୍ଞାନ ପ୍ରାପ୍ତ ହୋଇଅଛି; ଆହୁରି, ମୋହର ହୃଦୟ ଜ୍ଞାନ ଓ ବିଦ୍ୟାରେ ମହା ଅନୁଭବୀ ହୋଇଅଛି ।”
\v 17 ତହୁଁ ମୁଁ ଜ୍ଞାନର ତତ୍ତ୍ୱ, ପୁଣି ପାଗଳାମି ଓ ଅଜ୍ଞାନତାର ତତ୍ତ୍ୱ ଜାଣିବା ପାଇଁ ମନୋଯୋଗ କଲି; ଏହା ହିଁ ବାୟୁର ପଶ୍ଚାଦ୍ଧାବନ ବୋଲି ଜାଣିଲି ।
\q1
\v 18 କାରଣ ବହୁତ ଜ୍ଞାନରେ ବହୁତ କ୍ଲେଶ ଥାଏ;
\q2 ପୁଣି, ଯେ ବିଦ୍ୟା ବୃଦ୍ଧି କରେ, ସେ ଦୁଃଖ ବୃଦ୍ଧି କରେ ।
\s5
\c 2
\s ସୁଖଭୋଗର ଅସାରତା
\p
\v 1 ମୁଁ ଆପଣା ମନେ ମନେ କହିଲି, “ଆସ, ମୁଁ ଏବେ ତୁମ୍ଭକୁ ଆନନ୍ଦ ଦ୍ୱାରା ପରୀକ୍ଷା କରିବି; ଏହେତୁ ସୁଖଭୋଗ କର; ଆଉ ଦେଖ, ତାହା ମଧ୍ୟ ଅସାର ।”
\v 2 ମୁଁ ହାସ୍ୟ ବିଷୟରେ କହିଲି, “ତାହା ପାଗଳାମି”, ଆନନ୍ଦ ବିଷୟରେ କହିଲି, “ତାହା କଅଣ କରେ ?”
\s5
\v 3 ମୁଁ କିରୂପେ ମଦ୍ୟପାନରେ ଶରୀରକୁ ତୁଷ୍ଟ କରିବି ଓ ଆକାଶ ତଳେ ମନୁଷ୍ୟ ସନ୍ତାନଗଣର ଯାବଜ୍ଜୀବନ କଅଣ କରିବା ଭଲ, ଏହା ଜାଣିପାରିବା ପର୍ଯ୍ୟନ୍ତ କିରୂପେ ଅଜ୍ଞାନତା ଅବଲମ୍ବନ କରିବି, ଏହା ମନେ ମନେ ଅନୁସନ୍ଧାନ କଲି, ଏହି ସମୟରେ ମଧ୍ୟ ମୋହର ମନ ଜ୍ଞାନରେ ମୋତେ ପଥ ପ୍ରଦର୍ଶନ କରୁଥିଲା ।
\p
\s5
\v 4 ମୁଁ ଆପଣା ନିମନ୍ତେ ମହତ୍ ମହତ୍ କର୍ମ କଲି; ମୁଁ ଗୃହମାନ ନିର୍ମାଣ କଲି; ମୁଁ ଅନେକ ଦ୍ରାକ୍ଷାକ୍ଷେତ୍ର ପ୍ରସ୍ତୁତ କଲି;
\v 5 ମୁଁ ଆପଣା ନିମନ୍ତେ ଉଦ୍ୟାନ ଓ ଉପବନ ପ୍ରସ୍ତୁତ କରି, ତହିଁ ମଧ୍ୟରେ ସର୍ବପ୍ରକାର ଫଳବୃକ୍ଷ ରୋପଣ କଲି;
\v 6 ମୁଁ ବୃକ୍ଷର ଚାରା ଉତ୍ପାଦକ ବନରେ ଜଳ ସେଚନ ପାଇଁ ପୁଷ୍କରିଣୀମାନ ଖୋଳାଇଲି;
\s5
\v 7 ମୁଁ ଦାସଦାସୀଗଣ କ୍ରୟ କଲି ଓ ମୋହର ଗୃହରୁ ଜାତ ଦାସଗଣ ଥିଲେ; ଆହୁରି ମୋ' ପୂର୍ବେ ଯିରୂଶାଲମସ୍ଥିତ ସମସ୍ତଙ୍କ ଅପେକ୍ଷା ମୋହର ଗୋମେଷାଦି ପଶୁପଲ ଅଧିକ ଥିଲେ;
\v 8 ମୁଁ ରୂପା ଓ ସୁନା, ପୁଣି ନାନା ରାଜାର ଓ ନାନା ପ୍ରଦେଶର ବିଶେଷ ବିଶେଷ ସମ୍ପତ୍ତି ସଂଗ୍ରହ କଲି; ମୁଁ ଗାୟକ ଓ ଗାୟିକା, ଆଉ ମନୁଷ୍ୟ ସନ୍ତାନଗଣର ତୁଷ୍ଟିକାରଣୀ ଅନେକ ଉପପତ୍ନୀ ପାଇଲି ।
\p
\s5
\v 9 ଏହିରୂପେ ମୋ' ପୂର୍ବେ ଯିରୂଶାଲମରେ ଯେଉଁମାନେ ଥିଲେ, ସେହି ସମସ୍ତଙ୍କ ଅପେକ୍ଷା ମହାନ ଓ ବର୍ଦ୍ଧିଷ୍ଣୁ ହେଲି; ମଧ୍ୟ ମୋହର ଜ୍ଞାନ ମୋ'ଠାରେ ରହିଲା ।
\q1
\v 10 ପୁଣି, ମୋ' ଚକ୍ଷୁ ଯାହା ଦେଖି ଯାହା କଲା, ତାହା ମୁଁ ତାହାକୁ ନିଷେଧ କଲି ନାହିଁ;
\q2 ମୁଁ ଆପଣା ହୃଦୟକୁ କୌଣସି ସୁଖଭୋଗରୁ ବାରଣ କଲି ନାହିଁ,
\q1 କାରଣ ମୋହର ସମସ୍ତ ପରିଶ୍ରମ ସକାଶୁ ମୋହର ହୃଦୟ ଆନନ୍ଦ କଲା;
\q2 ପୁଣି, ମୋହର ସକଳ ପରିଶ୍ରମରୁ ଏହା ମୋହର ଅଂଶ ଥିଲା ।
\q1
\s5
\v 11 ତହୁଁ ମୋହର ହସ୍ତ ଯେଉଁ ସମସ୍ତ କାର୍ଯ୍ୟ କରିଥିଲା
\q2 ଓ ଯେଉଁ ଯେଉଁ ପରିଶ୍ରମରେ ମୁଁ ପରିଶ୍ରାନ୍ତ ହୋଇଥିଲି,
\q3 ତହିଁ ପ୍ରତି ମୁଁ ଦୃଷ୍ଟିପାତ କଲି;
\q1 ଆଉ, ଦେଖ, ସବୁ ଅସାର ଓ ବାୟୁର ପଶ୍ଚାଦ୍ଧାବନ ମାତ୍ର,
\q2 ପୁଣି ସୂର୍ଯ୍ୟ ତଳେ କୌଣସି ଲାଭ ନ ଥିଲା ।
\s ଜ୍ଞାନୀର ଓ ମୂର୍ଖର ଶେଷ ଦଶା
\q1
\v 12 ଏଥିଉତ୍ତାରେ ମୁଁ ଜ୍ଞାନ, ପାଗଳାମି ଓ ଅଜ୍ଞାନତା ଦେଖିବାକୁ ପ୍ରବୃତ୍ତ ହେଲି;
\q2 କାରଣ ଯେଉଁ ଲୋକ ରାଜାଙ୍କ ପରେ ଆସେ, ସେ କଅଣ କରିବ ?
\q3 ଯାହା କରାଯାଇଅଛି, ତାହା ହିଁ ମାତ୍ର ।
\q1
\s5
\v 13 ତହୁଁ ମୁଁ ଦେଖିଲି, ଯେପରି ଅନ୍ଧକାର ଅପେକ୍ଷା ଦୀପ୍ତି ଉତ୍ତମ,
\q2 ସେପରି ଅଜ୍ଞାନତା ଅପେକ୍ଷା ଜ୍ଞାନ ଉତ୍ତମ ।
\q1
\v 14 ଜ୍ଞାନବାନର ଚକ୍ଷୁ ତାହାର ମସ୍ତକରେ ଥାଏ,
\q2 ପୁଣି ମୂର୍ଖ ଅନ୍ଧକାରରେ ଭ୍ରମଣ କରେ,
\q3 ତଥାପି ସମସ୍ତଙ୍କ ପ୍ରତି ଏକ ଦଶା ଘଟେ, ଏହା ମୁଁ ଦେଖିଲି ।
\q1
\s5
\v 15 ତହିଁରେ ମୁଁ ଆପଣା ମନେ ମନେ କହିଲି,
\q2 “ମୂର୍ଖ ପ୍ରତି ଯେରୂପ ଘଟେ, ମୋ' ପ୍ରତି ହିଁ ସେରୂପ ଘଟିବ;
\q2 ତେବେ ମୁଁ କାହିଁକି ଅଧିକ ଜ୍ଞାନବାନ ହେଲି ?”
\q3 ତହୁଁ ମୁଁ ମନେ ମନେ କହିଲି, “ଏହା ହିଁ ଅସାର ।”
\q1
\v 16 କାରଣ ଯେପରି ମୂର୍ଖର, ସେପରି ଜ୍ଞାନବାନ ଲୋକର ସ୍ମରଣ ସଦାକାଳ ନ ଥାଏ;
\q2 ଯେହେତୁ ଭବିଷ୍ୟତରେ ସମସ୍ତେ ଭୁଲି ଯାଇଥିବେ ।
\q3 ଆହା ! ମୂର୍ଖ ଯେପରି ମରେ, ଜ୍ଞାନୀ ମଧ୍ୟ ସେପରି ମରେ ।
\q1
\s5
\v 17 ତହୁଁ ମୁଁ ଜୀବନକୁ ଘୃଣା କଲି;
\q2 ଯେହେତୁ ସୂର୍ଯ୍ୟ ତଳେ କୃତ କାର୍ଯ୍ୟ ମୋ' ପ୍ରତି କ୍ଲେଶବୋଧକ ହେଲା;
\q3 କାରଣ ସବୁ ଅସାର ଓ ବାୟୁର ପଶ୍ଚାଦ୍ଧାବନ ମାତ୍ର ।
\s ପରିଶ୍ରମର ଅସାରତା
\p
\v 18 ପୁଣି, ସୂର୍ଯ୍ୟ ତଳେ ମୁଁ ଯେଉଁ ଯେଉଁ ପରିଶ୍ରମରେ ପରିଶ୍ରାନ୍ତ ହେଲି, ମୋହର ସେହିସବୁ ପରିଶ୍ରମକୁ ମୁଁ ଘୃଣା କଲି; କାରଣ ମୋହର ଉତ୍ତରାଧିକାରୀ ପାଇଁ ତାହାସବୁ ଛାଡ଼ି ଯିବାକୁ ହେବ ।
\s5
\v 19 ଆଉ, ସେ ଜ୍ଞାନୀ କି ମୂର୍ଖ ହେବ, କିଏ ଜାଣେ ? ତଥାପି ମୁଁ ସୂର୍ଯ୍ୟ ତଳେ ଯେଉଁ ଯେଉଁ ପରିଶ୍ରମରେ ପରିଶ୍ରାନ୍ତ ହୋଇ ଜ୍ଞାନ ପ୍ରକାଶ କଲି, ସେ ମୋହର ସେହି ସକଳ ପରିଶ୍ରମର ଫଳାଧିକାରୀ ହେବ; ଏହା ହିଁ ଅସାର ।
\v 20 ଏହେତୁ ସୂର୍ଯ୍ୟ ତଳେ ମୁଁ ଯେଉଁ ଯେଉଁ ପରିଶ୍ରମରେ ପରିଶ୍ରାନ୍ତ ହେଲି, ସେହି ସମସ୍ତ ବିଷୟରେ ଆପଣା ଅନ୍ତଃକରଣକୁ ନିରାଶ କରାଇବାକୁ ପ୍ରବୃତ୍ତ ହେଲି ।
\p
\s5
\v 21 କାରଣ ଏକ ବ୍ୟକ୍ତି ଜ୍ଞାନ, ବିଦ୍ୟା ଓ ଦକ୍ଷତା ସହିତ ପରିଶ୍ରମ କରେ; ତଥାପି ଯେଉଁ ବ୍ୟକ୍ତି ତହିଁରେ ପରିଶ୍ରମ କରି ନାହିଁ, ତାହାର ଅଧିକାର ନିମନ୍ତେ ସେ ତାହା ଛାଡ଼ିଯିବ । ଏହା ହିଁ ଅସାର ଓ ଅତି ମନ୍ଦ ।
\v 22 ତେବେ ସୂର୍ଯ୍ୟ ତଳେ ମନୁଷ୍ୟ ଯେଉଁ ଯେଉଁ ପରିଶ୍ରମରେ ଓ ହୃଦୟର ଚିନ୍ତାରେ ପରିଶ୍ରାନ୍ତ ହୁଏ, ସେସବୁରୁ ସେ କ'ଣ ପାଏ ?
\v 23 କାରଣ ତାହାର ଦିନସବୁ କେବଳ ଦୁଃଖମୟ ଓ ତାହାର କାର୍ଯ୍ୟ ମନସ୍ତାପଜନକ; ରାତ୍ରିରେ ମଧ୍ୟ ତାହାର ହୃଦୟ ବିଶ୍ରାମ ପାଏ ନାହିଁ । ଏହା ମଧ୍ୟ ଅସାର ।
\p
\s5
\v 24 ଭୋଜନ ଓ ପାନ ପୁଣି ନିଜ ପରିଶ୍ରମରେ ଆପଣା ପ୍ରାଣକୁ ସୁଖଭୋଗ କରାଇବା ଅପେକ୍ଷା ମନୁଷ୍ୟର ଆଉ ଅଧିକ ମଙ୍ଗଳ ବିଷୟ ନାହିଁ । ମଧ୍ୟ ମୁଁ ଦେଖିଲି, ଏହା ପରମେଶ୍ୱରଙ୍କ ହସ୍ତରୁ ହୁଏ ।
\v 25 କାରଣ ମୋ'ଠାରୁ କିଏ ଅଧିକ ଭୋଜନ, ଅବା ସୁଖଭୋଗ କରି ପାରେ ?
\s5
\v 26 ଯେହେତୁ ଯେଉଁ ବ୍ୟକ୍ତି ପରମେଶ୍ୱରଙ୍କୁ ତୁଷ୍ଟ କରେ, ସେ ତାହାକୁ ଜ୍ଞାନ, ବିଦ୍ୟା ଓ ଆନନ୍ଦ ଦିଅନ୍ତି; ମାତ୍ର ପରମେଶ୍ୱରଙ୍କ ତୁଷ୍ଟିକାରୀ ଲୋକକୁ ଦେବା ପାଇଁ ସଂଗ୍ରହ ଓ ସଞ୍ଚୟ କରଣାର୍ଥେ ପାପୀକୁ ସେ କାର୍ଯ୍ୟ ଦିଅନ୍ତି । ଏହା ହିଁ ଅସାର ଓ ବାୟୁର ପଶ୍ଚାଦ୍ଧାବନ ମାତ୍ର ।
\s5
\c 3
\s ସମସ୍ତ ବିଷୟର ନିରୂପିତ ସମୟ
\p
\v 1 ସବୁ ବିଷୟର ଉଚିତ୍ ସମୟ ଅଛି ଓ ଆକାଶ ତଳେ ସବୁ ଉଦ୍ଦେଶ୍ୟର ଉଚିତ୍ ସମୟ ଅଛି;
\q
\v 2 ଜନ୍ମ ହେବାର ସମୟ ଓ ମରିବାର ସମୟ;
\q ରୋପିବାର ସମୟ, ଯାହା ରୋପିତ ହେଲା, ତାହା ଉପାଡ଼ିବାର ସମୟ;
\q
\v 3 ବଧ କରିବାର ସମୟ ଓ ସୁସ୍ଥ କରିବାର ସମୟ;
\q ଭାଙ୍ଗିବାର ସମୟ ଓ ନିର୍ମାଣ କରିବାର ସମୟ,
\q
\s5
\v 4 ରୋଦନ କରିବାର ସମୟ ଓ ହସିବାର ସମୟ;
\q ବିଳାପ କରିବାର ସମୟ ଓ ନୃତ୍ୟ କରିବାର ସମୟ;
\q
\v 5 ପ୍ରସ୍ତର ପକାଇବାର ସମୟ ଓ ପ୍ରସ୍ତର ସଂଗ୍ରହ କରିବାର ସମୟ;
\q ଆଲିଙ୍ଗନ କରିବାର ସମୟ ଓ ଆଲିଙ୍ଗନରୁ ନିବୃତ୍ତ ହେବାର ସମୟ,
\q
\s5
\v 6 ଅନ୍ଵେଷଣ କରିବାର ସମୟ ଓ ହଜାଇବାର ସମୟ;
\q ରଖିବାର ସମୟ ଓ ପକାଇ ଦେବାର ସମୟ;
\q
\v 7 ଚିରିବାର ସମୟ ଓ ସିଲେଇ କରିବାର ସମୟ;
\q ନୀରବ ରହିବାର ସମୟ ଓ କଥା କହିବାର ସମୟ;
\q
\s5
\v 8 ପ୍ରେମ କରିବାର ସମୟ ଓ ଘୃଣା କରିବାର ସମୟ;
\q ଯୁଦ୍ଧର ସମୟ ଓ ଶାନ୍ତିର ସମୟ ଅଛି ।
\s ଈଶ୍ୱର ଦତ୍ତ କାର୍ଯ୍ୟ
\p
\v 9 କର୍ମକାରୀ ବ୍ୟକ୍ତିର ଆପଣା ପରିଶ୍ରମରେ କି ଲାଭ ?
\v 10 ପରମେଶ୍ୱର ମନୁଷ୍ୟ ସନ୍ତାନଗଣକୁ ବ୍ୟସ୍ତ ହେବା ପାଇଁ ଯେଉଁ କାର୍ଯ୍ୟ ଦେଇଅଛନ୍ତି, ତାହା ମୁଁ ଦେଖିଅଛି ।
\s5
\v 11 ସେ ପ୍ରତ୍ୟେକ ବିଷୟକୁ ତାହାର ସମୟରେ ଶୋଭିତ କରିଅଛନ୍ତି; ମଧ୍ୟ ସେ ସେମାନଙ୍କ ହୃଦୟରେ ଅନନ୍ତ କାଳ ରଖିଅଛନ୍ତି; ତଥାପି ପରମେଶ୍ୱର ପ୍ରଥମଠାରୁ ଶେଷ ପର୍ଯ୍ୟନ୍ତ ଯେଉଁ କାର୍ଯ୍ୟ କରିଅଛନ୍ତି, ମନୁଷ୍ୟ ତହିଁର ତତ୍ତ୍ୱ ପାଇ ପାରେ ନାହିଁ ।
\p
\s5
\v 12 ମୁଁ ଜାଣେ ଯେ, ଯାବଜ୍ଜୀବନ ଆନନ୍ଦ ଓ ସୁକର୍ମ କରିବା ଅପେକ୍ଷା ସେମାନଙ୍କର ଆଉ କୌଣସି ମଙ୍ଗଳ ବିଷୟ ନାହିଁ ।
\v 13 ଆହୁରି, ପ୍ରତ୍ୟେକ ମନୁଷ୍ୟ ଭୋଜନ ପାନ କରି ଆପଣା ସକଳ ପରିଶ୍ରମରେ ସୁଖଭୋଗ କରିବ, ଏହା ପରମେଶ୍ୱରଙ୍କ ଦାନ ।
\s5
\v 14 ମୁଁ ଜାଣେ ଯେ, ପରମେଶ୍ୱର ଯାହା କିଛି କରନ୍ତି, ତାହା ଅନନ୍ତକାଳସ୍ଥାୟୀ; ତାହା ବଢ଼ାଯାଇ ନ ପାରେ, କିଅବା ତାହା ଊଣା କରାଯାଇ ନ ପାରେ; ଆଉ ମନୁଷ୍ୟମାନେ ପରମେଶ୍ୱରଙ୍କ ସମ୍ମୁଖରେ ଭୀତ ହେବା ପାଇଁ ସେ ତାହା କରିଅଛନ୍ତି ।
\q
\v 15 ଯାହା ଅଛି, ତାହା ଥିଲା;
\q ପୁଣି, ଯାହା ହେବ, ତାହା ହିଁ ଥିଲା;
\q ଆଉ, ଯାହା ଗତ ହୋଇଅଛି,
\q ପରମେଶ୍ୱର ତାହା ପୁନର୍ବାର ଅନ୍ଵେଷଣ କରନ୍ତି ।
\s ଶେଷ ଦଶା
\p
\s5
\v 16 ଆହୁରି, ମୁଁ ସୂର୍ଯ୍ୟ ତଳେ ବିଚାର ସ୍ଥାନରେ ଦେଖିଲି, ସେଠାରେ ଦୁଷ୍ଟତା ଅଛି, ପୁଣି ଧର୍ମସ୍ଥାନରେ ଦେଖିଲି, ସେଠାରେ ହେଁ ଦୁଷ୍ଟତା ଅଛି ।
\v 17 ମୁଁ ମନେ ମନେ କହିଲି, “ପରମେଶ୍ୱର ଧାର୍ମିକ ଓ ଦୁଷ୍ଟର ବିଚାର କରିବେ; କାରଣ ପ୍ରତ୍ୟେକ ମନସ୍କାମନା ଓ ପ୍ରତ୍ୟେକ କାର୍ଯ୍ୟ ପାଇଁ ସମୟ ଅଛି ।”
\s5
\v 18 ମୁଁ ମନେ ମନେ କହିଲି, “ପରମେଶ୍ୱର ଯେପରି ମନୁଷ୍ୟ ସନ୍ତାନମାନଙ୍କୁ ପରୀକ୍ଷା କରିବେ ଓ ସେମାନେ ନିଜେ ଯେ କେବଳ ପଶୁ ତୁଲ୍ୟ, ଏହା ଯେପରି ସେମାନେ ଦେଖିବେ, ଏଥିପାଇଁ ସେମାନଙ୍କ ସକାଶୁ ଏହା ହେଉଅଛି ।”
\p
\s5
\v 19 କାରଣ ମନୁଷ୍ୟ ସନ୍ତାନଗଣ ପ୍ରତି ଯାହା ଘଟେ, ପଶୁମାନଙ୍କ ପ୍ରତି ତାହା ଘଟେ; ସମସ୍ତଙ୍କ ପ୍ରତି ହିଁ ଏକରୂପ ଘଟଣା ଘଟେ; ଏ ଯେପରି ମରେ, ସେ ସେପରି ମରେ; ପୁଣି, ସମସ୍ତଙ୍କ ପ୍ରାଣ ବାୟୁ ଏକ; ଆଉ, ପଶୁଠାରୁ ମନୁଷ୍ୟର କୌଣସି ପ୍ରାଧାନ୍ୟ ନାହିଁ; କାରଣ ସବୁ ଅସାର ।
\v 20 ସମସ୍ତେ ଏକ ସ୍ଥାନକୁ ଯାଆନ୍ତି; ସମସ୍ତେ ଧୂଳିରୁ ଉତ୍ପନ୍ନ ଓ ସମସ୍ତେ ପୁନର୍ବାର ଧୂଳିରେ ଲୀନ ହୁଅନ୍ତି ।
\s5
\v 21 ମନୁଷ୍ୟର ଆତ୍ମା ଉର୍ଦ୍ଧ୍ୱଗାମୀ ଓ ପଶୁର ଆତ୍ମା ପୃଥିବୀର ଅଧୋଗାମୀ ହୁଏ ବୋଲି କିଏ ଜାଣେ ?
\v 22 ଏହେତୁ ମନୁଷ୍ୟ ସ୍ୱକର୍ମରେ ଆନନ୍ଦ କରିବା ଅପେକ୍ଷା ଆଉ ତାହାର କିଛି ଅଧିକ ମଙ୍ଗଳ ନାହିଁ ବୋଲି ମୁଁ ଦେଖିଲି; କାରଣ ଏହା ହିଁ ତାହାର ଅଧିକାର; ଆଉ, ତାହା ପରେ ଯାହା ଘଟିବ, ତାହା ଦେଖିବା ପାଇଁ କିଏ ତାହାକୁ ଫେରାଇ ଆଣି ପାରେ ?
\s5
\c 4
\s ଜଗତରେ ଅନ୍ୟାୟ
\p
\v 1 ଏଥିଉତ୍ତାରେ ମୁଁ ଫେରି ସୂର୍ଯ୍ୟ ତଳେ କୃତ ଅତ୍ୟାଚାର ସବୁ ଦେଖିଲି;
\q1 ଆଉ ଦେଖ, ଅତ୍ୟାଚାରପ୍ରାପ୍ତ ଲୋକମାନଙ୍କର ଅଶ୍ରୁପାତ ହୁଏ,
\q2 ଓ ସେମାନଙ୍କର ସାନ୍ତ୍ୱନାକାରୀ କେହି ନାହିଁ;
\q1 ପୁଣି, ସେମାନଙ୍କ ଉପଦ୍ରବକାରୀମାନଙ୍କ ପକ୍ଷରେ ପରାକ୍ରମ ଅଛି,
\q2 ମାତ୍ର ଉପଦ୍ରବପ୍ରାପ୍ତ ଲୋକମାନଙ୍କର ସାନ୍ତ୍ୱନାକାରୀ କେହି ନାହିଁ ।
\q1
\s5
\v 2 ଏହେତୁ ମୁଁ ବର୍ତ୍ତମାନ ଜୀବିତ ଲୋକମାନଙ୍କ ଅପେକ୍ଷା
\q2 ଏଥି ପୂର୍ବରୁ ମୃତମାନଙ୍କର ଅଧିକ ପ୍ରଶଂସା କଲି;
\q1
\v 3 ମାତ୍ର ଯେଉଁ ଲୋକ ଆଜି ପର୍ଯ୍ୟନ୍ତ ଜନ୍ମି ନାହିଁ
\q2 ଓ ସୂର୍ଯ୍ୟ ତଳେ କୃତ ମନ୍ଦ କର୍ମ ଦେଖି ନାହିଁ,
\q3 ତାହାକୁ ମୁଁ ସେହି ଉଭୟଙ୍କ ଅପେକ୍ଷା ଅଧିକ ଉତ୍ତମ ଜ୍ଞାନ କଲି ।
\p
\s5
\v 4 ତହୁଁ ମୁଁ ସମସ୍ତ ପରିଶ୍ରମ ଓ ପ୍ରତ୍ୟେକ ଦକ୍ଷ କାର୍ଯ୍ୟ ଦେଖିଲି ଯେ, ତହିଁ ସକାଶୁ ମନୁଷ୍ୟ ଆପଣା ପ୍ରତିବାସୀର ଈର୍ଷାପାତ୍ର ହୁଏ । ଏହା ହିଁ ଅସାର ଓ ବାୟୁର ପଶ୍ଚାଦ୍ଧାବନ ମାତ୍ର ।
\q1
\s5
\v 5 ମୂର୍ଖ ଆପଣା ହସ୍ତ ଏକତ୍ର ମୁଠା କରି
\q2 ଆପଣା ମାଂସ ଭୋଜନ କରେ ।
\q1
\v 6 ପରିଶ୍ରମ ଓ ବାୟୁର ପଶ୍ଚାଦ୍ଧାବନ ସହିତ ଦୁଇ ମୁଠି ଅପେକ୍ଷା
\q2 ଶାନ୍ତି ସହିତ ଏକ ମୁଠି ଭଲ ।
\p
\s5
\v 7 ତେବେ ମୁଁ ଫେରି ସୂର୍ଯ୍ୟ ତଳେ ଅସାରତା ଦେଖିଲି ।
\q1
\v 8 କୌଣସି ଲୋକ ଏକାକୀ ଥାଏ ଓ ତାହାର ଦ୍ୱିତୀୟ କେହି ନାହିଁ;
\q2 କିଅବା ତାହାର ପୁତ୍ର କି ଭ୍ରାତା ନାହିଁ;
\q1 ତଥାପି ତାହାର ସମସ୍ତ ପରିଶ୍ରମର ସୀମା ନାହିଁ,
\q2 ଅଥବା ଧନରେ ତାହାର ଚକ୍ଷୁ ତୃପ୍ତ ନୁହେଁ ।
\q1 ସେ କହେ, ତେବେ ମୁଁ କାହା ପାଇଁ ପରିଶ୍ରମ କରୁଅଛି
\q2 ଓ ଆପଣା ପ୍ରାଣକୁ ମଙ୍ଗଳରୁ ବଞ୍ଚିତ କରିଅଛି ?
\q3 ଏହା ହିଁ ଅସାର ଓ ଅତ୍ୟନ୍ତ କ୍ଲେଶଜନକ ।
\s ସଙ୍ଗୀର ମୂଲ୍ୟ
\q1
\s5
\v 9 ଏକ ଜଣରୁ ଦୁଇ ଜଣ ଭଲ,
\q2 କାରଣ ସେମାନେ ଆପଣା ଆପଣା ପରିଶ୍ରମର ଉତ୍ତମ ଫଳ ପ୍ରାପ୍ତ ହୁଅନ୍ତି ।
\q1
\v 10 ସେମାନେ ପଡ଼ିଲେ, ଜଣେ ଆପଣା ସଙ୍ଗୀକୁ ଉଠାଇବ;
\q2 ମାତ୍ର ଯେ ପଡ଼ିବା ବେଳେ ଏକାକୀ ଥାଏ ଓ
\q2 ଯାହାକୁ ଉଠାଇବା ପାଇଁ ଅନ୍ୟ ନ ଥାଏ, ସେ ସନ୍ତାପର ପାତ୍ର ।
\q1
\v 11 ଆହୁରି, ଦୁଇ ଜଣ ଏକତ୍ର ଶୟନ କଲେ ଉଷ୍ଣ ହୁଅନ୍ତି;
\q2 ମାତ୍ର ଜଣେ କିରୂପେ ଏକାକୀ ଉଷ୍ଣ ହୋଇପାରେ ?
\q1
\s5
\v 12 ଯେବେ କେହି ଏକାକୀ ଥିବା ଲୋକକୁ ପରାସ୍ତ କରେ,
\q2 ତେବେ ଦୁଇ ଜଣ ତାହାର ପ୍ରତିବାଧା କରିବେ;
\q3 ପୁଣି, ତ୍ରିଗୁଣ ରଜ୍ଜୁ ଶୀଘ୍ର ଛିଣ୍ଡି ଯାଏ ନାହିଁ ।
\s ଲୋକପ୍ରିୟତା ଚାଲିଯାଏ
\q1
\s5
\v 13 ଯେଉଁ ବୃଦ୍ଧ ଓ ନିର୍ବୋଧ ରାଜା ଆଉ କୌଣସି ପରାମର୍ଶ ଗ୍ରହଣ କରିବାକୁ ଜାଣେ ନାହିଁ,
\q2 ତାହା ଅପେକ୍ଷା ଦରିଦ୍ର ଓ ଜ୍ଞାନବାନ ଯୁବା ଲୋକ ଭଲ ।
\q1
\v 14 କାରଣ ସେ ରାଜା ହେବା ପାଇଁ କାରାଗାରରୁ ବାହାର ହୋଇ ଆସିଲା;
\q2 ଆହୁରି, ସେ ତାହାର ରାଜ୍ୟରେ ଦରିଦ୍ର ହୋଇ ଜନ୍ମି ଥିଲା ।
\q1
\s5
\v 15 ମୁଁ ସୂର୍ଯ୍ୟ ତଳେ ଗମନକାରୀ ସମସ୍ତ ପ୍ରାଣୀକୁ ଦେଖିଲି ଯେ,
\q2 ସେମାନେ ସେହି ଯୁବାର, ଯେଉଁ ଦ୍ୱିତୀୟ ବ୍ୟକ୍ତି ଏହାର ସ୍ଥାନରେ ଉଠିଲା, ତାହାର ସଙ୍ଗୀ ।
\q1
\v 16 ସେ ଯେଉଁମାନଙ୍କର ଅଧ୍ୟକ୍ଷ ହେଲା, ସେହି ଲୋକମାନେ ଅସଂଖ୍ୟ;
\q2 ତଥାପି ଉତ୍ତରକାଳୀନ ଲୋକମାନେ ତାହାଠାରେ ଆନନ୍ଦ କରିବେ ନାହିଁ ।
\q1 ନିଶ୍ଚୟ ଏହା ହିଁ ଅସାର ଓ ବାୟୁର ପଶ୍ଚାଦ୍ଧାବନ ମାତ୍ର ।
\s5
\c 5
\s ପରମେଶ୍ୱରଙ୍କ ଭୟ
\p
\v 1 ତୁମ୍ଭେ ପରମେଶ୍ୱରଙ୍କ ଗୃହକୁ ଯିବା ବେଳେ ସାବଧାନରେ ଆପଣା ଚରଣ ରଖ; କାରଣ ମୂର୍ଖମାନଙ୍କର ବଳି ଉତ୍ସର୍ଗ କରିବା ଅପେକ୍ଷା ଶ୍ରବଣାର୍ଥେ ନିକଟବର୍ତ୍ତୀ ହେବାର ଉତ୍ତମ; ଯେଣୁ ସେମାନେ ମନ୍ଦ କର୍ମ କରନ୍ତି ବୋଲି ଜାଣନ୍ତି ନାହିଁ ।
\q1
\s5
\v 2 ତୁମ୍ଭେ ଆପଣା ମୁଖରେ ଅବିବେକୀ ହୁଅ ନାହିଁ
\q2 ଓ ପରମେଶ୍ୱରଙ୍କ ସାକ୍ଷାତରେ କୌଣସି କଥା କହିବା ପାଇଁ ତୁମ୍ଭର ଚିତ୍ତ ଚଞ୍ଚଳ ନ ହେଉ;
\q1 କାରଣ ପରମେଶ୍ୱର ସ୍ୱର୍ଗରେ ଅଛନ୍ତି ଓ ତୁମ୍ଭେ ପୃଥିବୀରେ ଅଛ;
\q2 ଏହେତୁ ତୁମ୍ଭେ କଥା କଥା କହିବା ପୁର୍ବରୁ ଭଲ ଭାବରେ ଚିନ୍ତା କର ।
\q1
\v 3 କାରଣ କାର୍ଯ୍ୟର ବାହୁଲ୍ୟରେ ସ୍ୱପ୍ନ ହୁଏ;
\q2 ପୁଣି ବାକ୍ୟର ବାହୁଲ୍ୟରେ ମୂର୍ଖର ରବ ହୁଏ ।
\q1
\s5
\v 4 ତୁମ୍ଭେ ପରମେଶ୍ୱରଙ୍କ ନିକଟରେ ମାନତ କଲେ,
\q2 ତାହା ପରିଶୋଧ କରିବାକୁ ବିଳମ୍ବ କର ନାହିଁ;
\q1 କାରଣ ମୂର୍ଖମାନଙ୍କଠାରେ ତାହାଙ୍କର ସନ୍ତୋଷ ନାହିଁ;
\q2 ତୁମ୍ଭେ ଯାହା ମାନତ କର, ତାହା ପରିଶୋଧ କର ।
\q1
\v 5 ମାନତ କରି ପରିଶୋଧ ନ କରିବା ଅପେକ୍ଷା
\q2 ତୁମ୍ଭର ମାନତ ନ କରିବାର ଭଲ ।
\p
\s5
\v 6 ତୁମ୍ଭ ଶରୀରକୁ ପାପ କରାଇବା ପାଇଁ ତୁମ୍ଭ ମୁଖକୁ ଦିଅ ନାହିଁ; କିଅବା ଏହା ଭୁଲବଶତଃ ହେଲା ବୋଲି ଦୂତ ସାକ୍ଷାତରେ କୁହ ନାହିଁ; କାହିଁକି ପରମେଶ୍ୱର ତୁମ୍ଭ ରବରେ କ୍ରୁଦ୍ଧ ହୋଇ ତୁମ୍ଭ ହସ୍ତର କାର୍ଯ୍ୟ ବିନାଶ କରିବେ ?
\v 7 କାରଣ ସ୍ୱପ୍ନ ଓ ଅସାରତାର ବାହୁଲ୍ୟ ଓ ବହୁ ବାକ୍ୟ ଦ୍ୱାରା ଏହିପରି ଘଟେ; ମାତ୍ର ତୁମ୍ଭେ ପରମେଶ୍ୱରଙ୍କୁ ଭୟ କର ।
\s ସମ୍ମାନ, ସମ୍ପଦର ଅସାରତା
\p
\s5
\v 8 ଯେବେ ତୁମ୍ଭେ କୌଣସି ପ୍ରଦେଶରେ ଦରିଦ୍ର ପ୍ରତି ଉପଦ୍ରବ, ଅତ୍ୟାଚାରପୂର୍ବକ ବିଚାର ଓ ନ୍ୟାୟ ଅନ୍ୟଥା ହେବାର ଦେଖ, ତେବେ ସେ ବିଷୟରେ ଚମତ୍କୃତ ହୁଅ ନାହିଁ; କାରଣ ଉଚ୍ଚ ଅପେକ୍ଷା ଜଣେ ଉଚ୍ଚତର ଦେଖନ୍ତି; ପୁଣି, ସେମାନଙ୍କ ଅପେକ୍ଷା ଉଚ୍ଚତର ଅଛନ୍ତି ।
\v 9 ଆହୁରି, ପୃଥିବୀର ଫଳ ସମସ୍ତଙ୍କ ନିମନ୍ତେ; କ୍ଷେତ୍ର ଦ୍ୱାରା ରାଜା ଆପେ ସେବିତ ହୁଅନ୍ତି ।
\q1
\s5
\v 10 ଯେଉଁ ଲୋକ ରୂପା ଭଲ ପାଏ, ସେ ରୂପାରେ ତୃପ୍ତ ହେବ ନାହିଁ;
\q2 କିଅବା ଯେଉଁ ଲୋକ ପ୍ରଚୁରତା ଭଲ ପାଏ, ସେ ଆୟବୃଦ୍ଧିରେ ତୃପ୍ତ ହେବ ନାହିଁ;
\q3 ଏହା ହିଁ ଅସାର ।
\q1
\v 11 ସମ୍ପତ୍ତି ବୃଦ୍ଧି ପାଇଲେ, ତହିଁର ଭୋକ୍ତାମାନେ ବୃଦ୍ଧି ପାଆନ୍ତି;
\q2 ଏଣୁ ଆପଣା ଚକ୍ଷୁରେ ଦେଖିବା ଛଡ଼ା ତହିଁର ଅଧିକାରୀର କି ଲାଭ ?
\q1
\s5
\v 12 ଶ୍ରମଜୀବୀ ଲୋକ ଅଳ୍ପ ବା ବହୁତ ଖାଇଲେ ହେଁ ତାହାର ନିଦ୍ରା ସୁଖକର ହୁଏ;
\q2 ମାତ୍ର ଧନବାନର ପୂର୍ଣ୍ଣତା ତାହାକୁ ନିଦ୍ରା ଯିବାକୁ ଦେବ ନାହିଁ ।
\q1
\s5
\v 13 ଧନ ଅଧିକାରୀ ଦ୍ୱାରା ଆପଣା ଅମଙ୍ଗଳ ନିମନ୍ତେ ଧନ ରକ୍ଷିତ ହୁଏ,
\q2 ଏହି ଏକ ବ୍ୟାଧି ସ୍ୱରୂପ ଅନିଷ୍ଟ ମୁଁ ସୂର୍ଯ୍ୟ ତଳେ ଦେଖିଅଛି;
\q1
\v 14 ଆଉ, ଦୁର୍ଘଟଣା ଦ୍ୱାରା ସେହିସବୁ ଧନ କ୍ଷୟ ପାଏ;
\q2 ପୁଣି, ସେ ପୁତ୍ର ଜାତ କଲେ, ତାହା ହସ୍ତରେ କିଛି ନ ଥାଏ ।
\q1
\s5
\v 15 ସେ ଆପଣା ମାତୃଗର୍ଭରୁ ଯେପରି ଆସିଲା,
\q2 ସେପରି ଉଲଙ୍ଗ ହୋଇ ଆସିବା ପରି ଫେରିଯିବ,
\q1 ଆଉ ସେ ଆପଣା ପରିଶ୍ରମ ପାଇଁ ସ୍ୱହସ୍ତରେ ଯାହା ବହି ନେଇ ପାରିବ,
\q2 ଏପରି କିଛି ସଙ୍ଗେ ନେବ ନାହିଁ ।
\q1
\v 16 ପୁଣି, ସେ ଯେପରି ଆସିଲା, ସର୍ବତୋଭାବେ ଯେ ସେପରି ଯିବ,
\q2 ଏହା ହିଁ ବ୍ୟାଧି ସ୍ୱରୂପ ଅନିଷ୍ଟ;
\q3 ଏଣୁ ବାୟୁ ନିମନ୍ତେ ସେ ପରିଶ୍ରମ କଲେ, ତାହାର କି ଲାଭ ?
\q1
\v 17 ଆହୁରି, ସେ ଯାବଜ୍ଜୀବନ ଅନ୍ଧକାରରେ ଆହାର କରେ,
\q2 ପୁଣି ସେ ଅତିଶୟ ବିରକ୍ତ ହୁଏ,
\q3 ଆଉ ତାହାକୁ ପୀଡ଼ା ଓ କୋପ ଘଟେ ।
\p
\s5
\v 18 ଦେଖ, ଭୋଜନ ଓ ପାନ କରିବାର ଓ ପରମେଶ୍ୱରଙ୍କ ଦତ୍ତ ପରମାୟୁ ମଧ୍ୟରେ ମନୁଷ୍ୟ ସୂର୍ଯ୍ୟ ତଳେ ଯେଉଁ ଯେଉଁ ପରିଶ୍ରମ କରେ, ସେହି ସମସ୍ତ ପରିଶ୍ରମରେ ସୁଖଭୋଗ କରିବାର, ଏହା ହିଁ ତାହା ପକ୍ଷରେ ଉତ୍ତମ ଓ ମନୋହର ବୋଲି ମୁଁ ଦେଖିଅଛି; କାରଣ ଏହା ହିଁ ତାହାର ଅଂଶ ।
\s5
\v 19 ଆହୁରି, ପରମେଶ୍ୱର କୌଣସି ବ୍ୟକ୍ତିଙ୍କୁ ଧନ ସମ୍ପତ୍ତି ଦାନ କରି ତାହା ଭୋଗ କରିବାକୁ, ଆପଣା ଅଂଶ ଗ୍ରହଣ କରିବାକୁ ଓ ଆପଣା ପରିଶ୍ରମରେ ଆନନ୍ଦ କରିବାକୁ କ୍ଷମତା ଦେଲେ, ଏହା ହିଁ ପରମେଶ୍ୱରଙ୍କ ଦାନ ।
\v 20 ଯେହେତୁ ସେ ଆପଣା ପରମାୟୁର ଦିନସବୁ ଅଧିକ ସ୍ମରଣ କରିବ ନାହିଁ; କାରଣ ପରମେଶ୍ୱର ତାହାର ହୃଦୟରେ ଆନନ୍ଦ ଜନ୍ମାଇ ତାହାକୁ ଉତ୍ତର ଦିଅନ୍ତି ।
\s5
\c 6
\p
\v 1 ସୂର୍ଯ୍ୟ ତଳେ ମୁଁ ଏକ ଦୁଃଖର ବିଷୟ ଦେଖିଅଛି, ଆଉ ତାହା ମନୁଷ୍ୟମାନଙ୍କ ପକ୍ଷରେ ଭାରୀ;
\v 2 ପରମେଶ୍ୱର କାହାକୁ କାହାକୁ ଏତେ ଧନ, ସମ୍ପତ୍ତି ଓ ସମ୍ଭ୍ରମ ଦିଅନ୍ତି ଯେ, ତାହାର ମନୋବାଞ୍ଛା ପୂର୍ଣ୍ଣ କରିବାକୁ କୌଣସି ବିଷୟର ଅଭାବ ନ ଥାଏ, ତଥାପି ତାହା ଭୋଗ କରିବା ପାଇଁ ପରମେଶ୍ୱର ତାହାକୁ କ୍ଷମତା ଦିଅନ୍ତି ନାହିଁ, ମାତ୍ର ଅନ୍ୟ ଲୋକ ତାହା ଭୋଗ କରେ; ଏହା ଅସାର ଓ ମନ୍ଦ ବ୍ୟାଧି ସ୍ୱରୂପ ।
\p
\s5
\v 3 ଯଦି କୌଣସି ମନୁଷ୍ୟ ଶହେ ସନ୍ତାନ ଜାତ କରି ଅନେକ ବର୍ଷ ବଞ୍ଚି ଦୀର୍ଘଜୀବୀ ହୁଏ, ମାତ୍ର ତାହାର ପ୍ରାଣ ଯଦି ସୁଖରେ ତୃପ୍ତ ନ ହୁଏ, ଆହୁରି ଯଦି ତାହାକୁ କବର ଦିଆ ନ ଯାଏ, ତେବେ ମୁଁ କହେ, ସେହି ଲୋକ ଅପେକ୍ଷା ଜନ୍ମ ହେବା ସମୟରେ ମୃତ୍ୟୁବରଣ କରିଥିବା ଶିଶୁଟି ଉତ୍ତମ ଅଟେ;
\v 4 କାରଣ ଏହି ମୃତ ଜାତ ଶିଶୁ ବାଷ୍ପ ତୁଲ୍ୟ ଆସେ ଓ ଅନ୍ଧକାରରେ ଯାଏ, ଆଉ ତାହାର ନାମ ଅନ୍ଧକାରରେ ଆଚ୍ଛନ୍ନ ହୁଏ;
\s5
\v 5 ଆହୁରି, ଏହି ଶିଶୁ ସୂର୍ଯ୍ୟ ଦେଖି ନାହିଁ କି ଜାଣି ନାହିଁ; ତଥାପି ଏହି ମୃତ ଜାତ ଶିଶୁ ସେ ଲୋକ ଅପେକ୍ଷା ଅଧିକ ବିଶ୍ରାମ ପାଏ;
\v 6 ପୁଣି, ସେ ମନୁଷ୍ୟ କୌଣସି ମଙ୍ଗଳ ଭୋଗ ନ କରି ଦୁଇଗୁଣ ସହସ୍ର ବର୍ଷ ବଞ୍ଚିଲେ ହେଁ ସମସ୍ତେ କି ଏକ ସ୍ଥାନକୁ ନ ଯା'ନ୍ତି ?
\q1
\s5
\v 7 ମନୁଷ୍ୟର ସମସ୍ତ ପରିଶ୍ରମ ତାହାର ମୁଖ ନିମନ୍ତେ,
\q2 ତଥାପି ଭୋଜନର ଆକାଂକ୍ଷା ପୂର୍ଣ୍ଣ ହୁଏ ନାହିଁ ।
\q1
\v 8 ଏଣୁ ମୂର୍ଖ ଅପେକ୍ଷା ଜ୍ଞାନୀର କି ଲାଭ ?
\q2 ଆଉ, ଜୀବିତମାନଙ୍କ ସାକ୍ଷାତରେ ଚଳିବାକୁ ଜାଣେ ଯେଉଁ ଦରିଦ୍ର ଲୋକ,
\q3 ତାହାର ଅବା କି ଲାଭ ?
\q1
\s5
\v 9 ମନର ଲାଳସା ଅପେକ୍ଷା ସାକ୍ଷାତ ଭୋଗ ଭଲ;
\q2 ଏହା ହିଁ ଅସାର ଓ ବାୟୁର ପଶ୍ଚାଦ୍ଧାବନ ମାତ୍ର ।
\q1
\v 10 ଯାହା ହୋଇଅଛି, ଅନେକ କାଳ ହେଲା ତହିଁର ନାମ ଦିଆ ଯାଇଥିଲା, ଆଉ ସେ ମର୍ତ୍ତ୍ୟ ବୋଲି ଜଣା;
\q2 ପୁଣି, ସେ ଆପଣା ଅପେକ୍ଷା ପରାକ୍ରାନ୍ତ ସଙ୍ଗେ ବିରୋଧ କରି ନ ପାରେ ।
\q1
\v 11 ଅସାରତାବର୍ଦ୍ଧକ ଅନେକ କଥା ଅଛି,
\q2 ତହିଁରେ ମନୁଷ୍ୟର କି ଲାଭ ?
\q1
\v 12 କାରଣ ମନୁଷ୍ୟ ଛାୟା ତୁଲ୍ୟ ଆପଣାର ଯେଉଁ ଅସାର ଜୀବନର ଦିନସବୁ କ୍ଷେପଣ କରେ,
\q2 ସେହି ଜୀବନ କାଳରେ ତାହାର ମଙ୍ଗଳ କଅଣ, ଏହା କିଏ ଜାଣେ ?
\q1 ଆଉ, ମନୁଷ୍ୟର ମରଣାନ୍ତେ ସୂର୍ଯ୍ୟ ତଳେ ଯାହା ଘଟିବ,
\q2 ଏହା କିଏ ତାହାକୁ ଜଣାଇ ପାରେ ?
\s5
\c 7
\s ଜ୍ଞାନୀ ଏବଂ ଅଜ୍ଞାନୀ
\q1
\v 1 ବହୁମୂଲ୍ୟ ତୈଳ ଅପେକ୍ଷା ଉତ୍ତମ ନାମ ଭଲ
\q2 ଓ ଜନ୍ମ ଦିନ ଅପେକ୍ଷା ମରଣ ଦିନ ଭଲ ।
\q1
\v 2 ଭୋଜଗୃହକୁ ଯିବାଠାରୁ ବିଳାପ ଗୃହକୁ ଯିବାର ଭଲ;
\q2 କାରଣ ତାହା ସମୁଦାୟ ମନୁଷ୍ୟର ଶେଷ ଗତି
\q3 ଓ ଜୀବିତ ଲୋକ ତହିଁରେ ମନୋଯୋଗ କରିବ ।
\q1
\s5
\v 3 ହାସ୍ୟଠାରୁ ଖେଦ ଭଲ;
\q2 କାରଣ ମୁଖର ବିଷର୍ଣ୍ଣତା ଦ୍ୱାରା ହୃଦୟ ପ୍ରସନ୍ନ ହୁଏ ।
\q1
\v 4 ଜ୍ଞାନୀମାନଙ୍କ ହୃଦୟ ବିଳାପ ଗୃହରେ ଥାଏ,
\q2 ମାତ୍ର ମୂର୍ଖମାନଙ୍କ ହୃଦୟ ଆନନ୍ଦ ଗୃହରେ ଥାଏ ।
\q1
\s5
\v 5 ମୂର୍ଖମାନଙ୍କର ଗୀତ ଶୁଣିବା ଅପେକ୍ଷା
\q2 ଜ୍ଞାନୀମାନଙ୍କର ଭର୍ତ୍ସନା ଶୁଣିବାର ଭଲ ।
\q1
\v 6 କାରଣ ହାଣ୍ଡି ତଳେ କଣ୍ଟାର ଚଡ଼ଚଡ଼ ଶବ୍ଦ ଯେପରି,
\q2 ମୂର୍ଖର ହାସ୍ୟ ସେପରି; ଏହା ହିଁ ଅସାର ।
\q1
\s5
\v 7 ନିଶ୍ଚୟ ଅନ୍ୟାୟ ଧନଗ୍ରହଣ ଜ୍ଞାନୀ ଲୋକକୁ ନିର୍ବୋଧ କରେ
\q2 ଓ ଲାଞ୍ଚ ବୁଦ୍ଧି ନଷ୍ଟ କରେ ।
\q1
\s5
\v 8 କାର୍ଯ୍ୟର ଆରମ୍ଭ ଅପେକ୍ଷା ତହିଁର ସମାପ୍ତି ଭଲ;
\q2 ପୁଣି, ଆତ୍ମାରେ ଗର୍ବୀ ହେବା ଅପେକ୍ଷା ଆତ୍ମାରେ ଧୀର ହେବା ଭଲ ।
\q1
\v 9 କ୍ରୋଧ କରିବା ପାଇଁ ଆପଣା ଆତ୍ମାରେ ଚଞ୍ଚଳ ହୁଅ ନାହିଁ;
\q2 କାରଣ ମୂର୍ଖମାନଙ୍କ ହୃଦୟରେ କ୍ରୋଧ ଅବସ୍ଥାନ କରେ ।
\q1
\s5
\v 10 ବର୍ତ୍ତମାନ କାଳ ଅପେକ୍ଷା ପୂର୍ବ କାଳ ଭଲ ଥିବାର କାରଣ କଅଣ, ଏହା ନ କୁହ,
\q2 କାରଣ ତୁମ୍ଭେ ଏ ବିଷୟ ଜ୍ଞାନରେ ପ୍ରଶ୍ନ କରୁ ନାହଁ ।
\q1
\s5
\v 11 ଜ୍ଞାନ ପୈତୃକ ଅଧିକାରର ତୁଲ୍ୟ ଉତ୍ତମ;
\q2 ଆହୁରି, ସୂର୍ଯ୍ୟଦର୍ଶୀ ଲୋକମାନଙ୍କ ପ୍ରତି ତାହା ଅଧିକ ଶ୍ରେଷ୍ଠ ।
\q1
\v 12 କାରଣ ଧନ ଯେପରି ଆଶ୍ରୟ ସ୍ୱରୂପ, ଜ୍ଞାନ ହିଁ ସେପରି ଆଶ୍ରୟ ସ୍ୱରୂପ ଅଟେ;
\q2 ମାତ୍ର ବିଦ୍ୟାର ଶ୍ରେଷ୍ଠତା ଏହି ଯେ, ଜ୍ଞାନ ଆପଣା ଅଧିକାରୀର ଜୀବନ ରକ୍ଷା କରେ ।
\p
\s5
\v 13 ପରମେଶ୍ୱରଙ୍କର କାର୍ଯ୍ୟ ବିବେଚନା କର;
\q1 କାରଣ ସେ ଯାହା ବଙ୍କା କରିଅଛନ୍ତି, କିଏ ତାହା ସଳଖ କରି ପାରେ ?
\q1
\s5
\v 14 ସୁଖ ସମୟରେ ଆନନ୍ଦିତ ହୁଅ ଓ ଦୁଃଖ ସମୟରେ ବିବେଚନା କର;
\q2 ମନୁଷ୍ୟକୁ ଭବିଷ୍ୟତରେ ଯାହା ଘଟିବ, ତାହା ଯେପରି ସେ ଜାଣି ନ ପାରେ,
\q3 ଏଥିପାଇଁ ପରମେଶ୍ୱର ସୁଖ ଓ ଦୁଃଖକୁ ପାଖେ ପାଖେ ରଖିଅଛନ୍ତି ।
\q1
\s5
\v 15 ମୁଁ ଆପଣା ଅସାରତା ସମୟରେ ଏହିସବୁ ଦେଖିଅଛି;
\q2 ଧାର୍ମିକ ଲୋକ କେବେ କେବେ ଆପଣା ଧାର୍ମିକତାରେ ବିନଷ୍ଟ ହୁଏ,
\q3 ପୁଣି ଦୁଷ୍ଟ ଲୋକ ଆପଣା ଦୁଷ୍କ୍ରିୟାରେ ଦୀର୍ଘଜୀବୀ ହୁଏ ।
\q1
\v 16 ଅତିରିକ୍ତ ଧାର୍ମିକ ହୁଅ ନାହିଁ; କିଅବା ଆପଣାକୁ ଅତି ଜ୍ଞାନୀ ଦେଖାଅ ନାହିଁ;
\q2 କାହିଁକି ତୁମ୍ଭେ ଆପଣାକୁ ବିନାଶ କରିବ ?
\q1
\s5
\v 17 ତୁମ୍ଭେ ଅତି ଦୁଷ୍ଟ ହୁଅ ନାହିଁ, କିଅବା ନିର୍ବୋଧ ହୁଅ ନାହିଁ;
\q2 ଆପଣା କାଳ ପୂର୍ବରେ କାହିଁକି ମରିବ ?
\q1
\v 18 ଏହା ଧରି ରଖିବାର, ମଧ୍ୟ ତାହାଠାରୁ ହସ୍ତ କାଢ଼ି ନ ନେବାର ତୁମ୍ଭର ଉତ୍ତମ;
\q2 କାରଣ ଯେ ପରମେଶ୍ୱରଙ୍କୁ ଭୟ କରେ, ସେ ଏହିସବୁରୁ ଉତ୍ତୀର୍ଣ୍ଣ ହେବ ।
\q1
\s5
\v 19 ଜ୍ଞାନବାନ ଲୋକ ପ୍ରତି ନଗରସ୍ଥ ଦଶ ଶାସନକର୍ତ୍ତା ଅପେକ୍ଷା
\q2 ଜ୍ଞାନ ଅଧିକ ବଳ ସ୍ୱରୂପ ଅଟେ ।
\q1
\v 20 ପାପ ନ କରି ସତ୍କର୍ମ କରେ,
\q2 ଏପରି ଜଣେ ଧାର୍ମିକ ନିଶ୍ଚୟ ପୃଥିବୀରେ ନାହିଁ ।
\q1
\s5
\v 21 ମଧ୍ୟ ଯେତେ କଥା କୁହାଯାଏ, ସେହି ସବୁରେ ମନୋଯୋଗ କର ନାହିଁ;
\q2 କଲେ କେଜାଣି ତୁମ୍ଭ ଦାସ ତୁମ୍ଭକୁ ଅଭିଶାପ ଦେବାର ତୁମ୍ଭେ ଶୁଣିବ;
\q1
\v 22 କାରଣ ତୁମ୍ଭ ମନ ଜାଣେ ଯେ,
\q2 ତୁମ୍ଭେ ମଧ୍ୟ ଅନ୍ୟମାନଙ୍କୁ ସେହିପରି ବାରମ୍ବାର ଅଭିଶାପ ଦେଇଅଛ ।
\p
\s5
\v 23 ମୁଁ ଜ୍ଞାନ ଦ୍ୱାରା ଏହିସବୁ ପରୀକ୍ଷା କରିଅଛି । ମୁଁ କହିଲି,
\q1 “ମୁଁ ଜ୍ଞାନୀ ହେବି,”
\q2 ମାତ୍ର ତାହା ମୋ'ଠାରୁ ଦୂର ଥିଲା ।
\q1
\v 24 ଯାହା ଅଛି, ତାହା ଦୂରରେ ଅଛି ଓ ଅତି ଗଭୀର;
\q2 ତାହା କିଏ ପାଇ ପାରେ ?
\q1
\v 25 ଜ୍ଞାନ ଓ ବିଷୟମାନର ତତ୍ତ୍ୱ ଜାଣିବାକୁ,
\q2 ପୁଣି ଦୁଷ୍ଟତା ଯେ ନିର୍ବୋଧତା ଓ ମୂର୍ଖତା ଯେ ପାଗଳାମି,
\q1 ଏହା ଜାଣିବାକୁ ମୁଁ ଫେରିଲି
\q2 ଓ ମୋହର ମନ ତାହା ଅନୁସନ୍ଧାନ ଓ ଅନ୍ଵେଷଣ କରିବାକୁ ନିବିଷ୍ଟ ହେଲା ।
\q1
\s5
\v 26 ଆଉ, ମୁଁ ଦେଖୁଅଛି ଯେ,
\q2 ଯେଉଁ ସ୍ତ୍ରୀର ଅନ୍ତଃକରଣ ଫାନ୍ଦ ଓ ଜାଲ ସ୍ୱରୂପ ଓ ହସ୍ତ ବନ୍ଧନ ସ୍ୱରୂପ,
\q2 ସେ ମୃତ୍ୟୁ ଅପେକ୍ଷା ଅଧିକ ତିକ୍ତ ଅଟେ;
\q1 ଯେକେହି ପରମେଶ୍ୱରଙ୍କୁ ତୁଷ୍ଟ କରେ, ସେ ତାହାଠାରୁ ରକ୍ଷା ପାଇବ;
\q2 ମାତ୍ର ପାପୀ ତାହା ଦ୍ୱାରା ଧରାଯିବ ।
\p
\s5
\v 27 ଉପଦେଶକ କହନ୍ତି, ଦେଖ, ମୁଁ ତତ୍ତ୍ୱ ଜାଣିବା ପାଇଁ ଏକ ବିଷୟକୁ ଆରେକ ସଙ୍ଗେ ରଖି ଏହା ପାଇଅଛି;
\v 28 ମୋହର ପ୍ରାଣ ଆଜି ପର୍ଯ୍ୟନ୍ତ ଅଦ୍ୟାପି ଅନୁସନ୍ଧାନ କରୁଥାଏ, ମାତ୍ର ମୁଁ ତାହା ପାଇ ନାହିଁ; ସହସ୍ର ମଧ୍ୟରେ ମୁଁ ଏକ ପୁରୁଷ ପାଇଅଛି; ମାତ୍ର ସେହି ସମସ୍ତଙ୍କ ମଧ୍ୟରେ ମୁଁ ଏକ ସ୍ତ୍ରୀ ପାଇ ନାହିଁ ।
\s5
\v 29 ଦେଖ, ମୁଁ ଏତିକି ମାତ୍ର ପାଇଅଛି ଯେ, ପରମେଶ୍ୱର ମନୁଷ୍ୟକୁ ସରଳ କରି ନିର୍ମାଣ କଲେ; ମାତ୍ର ସେମାନେ ଅନେକ ଉଦ୍ଭାବନ ଅନ୍ଵେଷଣ କରିଅଛନ୍ତି ।
\s5
\c 8
\q1
\v 1 ଜ୍ଞାନବାନର ତୁଲ୍ୟ କିଏ ଅଛି ?
\q2 ଓ କିଏ ବିଷୟର ଭାବାର୍ଥ ଜାଣେ ?
\q1 ମନୁଷ୍ୟର ଜ୍ଞାନ ତାହାର ମୁଖ ପ୍ରସନ୍ନ କରେ
\q2 ଓ ତାହାର ମୁଖର କାଠିନ୍ୟ ପରିବର୍ତ୍ତିତ ହୁଏ ।
\s ରାଜାଜ୍ଞା ପାଳନ
\p
\s5
\v 2 ତୁମ୍ଭେ ରାଜାଜ୍ଞା ପାଳନ କର, ମୁଁ ଏହା ପରାମର୍ଶ ଦିଏ ଓ ପରମେଶ୍ୱରଙ୍କ ସାକ୍ଷାତରେ ଶପଥ କରିବା ସକାଶୁ ତାହା କର ।
\v 3 ତାଙ୍କ ଛାମୁରୁ ବାହାରି ଯିବାକୁ ଚଞ୍ଚଳ ହୁଅ ନାହିଁ; କୌଣସି ମନ୍ଦ ବିଷୟର ସପକ୍ଷରେ ଠିଆ ହୁଅ ନାହିଁ; କାରଣ ଯାହା ତାଙ୍କର ଇଚ୍ଛା, ସେ ତାହା କରନ୍ତି ।
\v 4 ଯେହେତୁ ରାଜାଙ୍କ ବାକ୍ୟ ପରାକ୍ରମବିଶିଷ୍ଟ; ପୁଣି, ତୁମ୍ଭେ କଅଣ କରୁଅଛ, ଏହା ତାଙ୍କୁ କିଏ କହି ପାରେ ?
\q1
\s5
\v 5 ଯେ ଆଜ୍ଞା ପାଳନ କରେ, ସେ କୌଣସି ମନ୍ଦ ବିଷୟ ଜାଣିବ ନାହିଁ;
\q2 ପୁଣି ଜ୍ଞାନୀର ମନ ସମୟ ଓ ବିଚାର ଜାଣେ;
\q1
\v 6 କାରଣ ପ୍ରତ୍ୟେକ ଅଭିପ୍ରାୟ ପାଇଁ ସମୟ ଓ ବିଚାର ଅଛି;
\q2 ଯେହେତୁ ମନୁଷ୍ୟର ଦୁଃଖ ତାହା ପକ୍ଷରେ ଅତିଶୟ;
\q1
\v 7 କାରଣ କଅଣ ଘଟିବ, ତାହା ସେ ଜାଣେ ନାହିଁ
\q2 ଓ କିପ୍ରକାରେ ତାହା ଘଟିବ, ଏହା କିଏ ତାହାକୁ ଜଣାଇ ପାରେ ?
\q1
\s5
\v 8 ଶ୍ୱାସବାୟୁ ଅଟକାଇ ରଖିବା ପାଇଁ ଶ୍ୱାସବାୟୁ ଉପରେ କୌଣସି ମନୁଷ୍ୟର କ୍ଷମତା ନାହିଁ;
\q2 କିଅବା ମରଣ ଦିନ ଉପରେ ତାହାର କିଛି କ୍ଷମତା ନାହିଁ;
\q3 ପୁଣି, ସେହି ଯୁଦ୍ଧରୁ ଛାଡ଼ ନାହିଁ;
\q1 ଅଥବା ଦୁଷ୍ଟତାରେ ଆସକ୍ତ ଲୋକକୁ ଦୁଷ୍ଟତା ଉଦ୍ଧାର କରିବ ନାହିଁ ।
\s ଦୁଷ୍ଟ ଓ ଧାର୍ମିକ
\p
\v 9 ଏହିସବୁ ମୁଁ ଦେଖିଅଛି ଓ ସୂର୍ଯ୍ୟ ତଳେ ଯେଉଁ ପ୍ରତ୍ୟେକ କାର୍ଯ୍ୟ କରାଯାଏ, ତହିଁରେ ମୁଁ ମନୋଯୋଗ କରିଅଛି; କେବେ କେବେ ଏକ ମନୁଷ୍ୟର ଅନ୍ୟ ଉପରେ ତାହାର ଅମଙ୍ଗଳ ନିମନ୍ତେ କ୍ଷମତା ଥାଏ ।
\s5
\v 10 ଆହୁରି, ଦୁଷ୍ଟମାନେ କବରପ୍ରାପ୍ତ ହୋଇ ପରଲୋକରେ ଉପସ୍ଥିତ ହେଲେ; ପୁଣି, ଯଥାର୍ଥ କର୍ମକାରୀମାନେ ପବିତ୍ର ସ୍ଥାନକୁ ଗଲେ ଓ ନଗରରୁ ବିସ୍ମୃତ ହେଲେ; ଏହା ହିଁ ଅସାର ଦେଖିଲି ।
\v 11 କୁକର୍ମ ବିରୁଦ୍ଧରେ ଦଣ୍ଡାଜ୍ଞା ଅତିଶୀଘ୍ର ସମ୍ପାଦନ ନ ହେବାରୁ ମନୁଷ୍ୟ ସନ୍ତାନମାନଙ୍କ ଅନ୍ତଃକରଣ କୁକର୍ମ କରିବାକୁ ସମ୍ପୂର୍ଣ୍ଣ ଆସକ୍ତ ହୁଏ ।
\s5
\v 12 ଯଦ୍ୟପି ପାପୀ ଶହେ ଥର ଦୁଷ୍କର୍ମ କରି ଦୀର୍ଘଜୀବୀ ହୁଏ, ତଥାପି ମୁଁ ନିଶ୍ଚୟ ଜାଣେ ଯେ, ପରମେଶ୍ୱରଙ୍କ ଭୟକାରୀମାନେ ତାହାଙ୍କ ଛାମୁରେ ଭୀତ ହୁଅନ୍ତି ବୋଲି ସେମାନଙ୍କର ମଙ୍ଗଳ ହେବ;
\v 13 ମାତ୍ର ଦୁଷ୍ଟର ମଙ୍ଗଳ ହେବ ନାହିଁ, କିଅବା ସେ ଆପଣା ଛାୟା ସ୍ୱରୂପ ପରମାୟୁ ବୃଦ୍ଧି କରିବ ନାହିଁ; କାରଣ ସେ ପରମେଶ୍ୱରଙ୍କ ଛାମୁରେ ଭୀତ ନୁହେଁ ।
\s5
\v 14 ପୃଥିବୀରେ ଏହି ଗୋଟିଏ ଅସାରତା ସାଧିତ ହୁଏ; କେବେ କେବେ ଧାର୍ମିକମାନଙ୍କୁ ଦୁଷ୍ଟମାନଙ୍କ କର୍ମାନୁଯାୟୀ ଫଳ ଘଟେ, ପୁଣି କେବେ କେବେ ଦୁଷ୍ଟମାନଙ୍କୁ ଧାର୍ମିକମାନଙ୍କ କର୍ମାନୁଯାୟୀ ଫଳ ଘଟେ; ମୁଁ କହିଲି, “ଏହା ହିଁ ଅସାର ।”
\p
\v 15 ତହୁଁ ମୁଁ ଆନନ୍ଦର ପ୍ରଶଂସା କଲି, କାରଣ ଭୋଜନ ଓ ପାନ ଓ ଆନନ୍ଦ କରିବା ଅପେକ୍ଷା ସୂର୍ଯ୍ୟ ତଳେ ମନୁଷ୍ୟ ପ୍ରତି ଆଉ କୌଣସି ଉତ୍ତମ ବିଷୟ ନାହିଁ; ଯେଣୁ ସେ ସୂର୍ଯ୍ୟ ତଳେ ପରମେଶ୍ୱରଙ୍କ ଦତ୍ତ ତାହାର ପରମାୟୁ ମଧ୍ୟରେ ଯେଉଁ ଯେଉଁ ପରିଶ୍ରମ କରେ, ସେହି ସବୁରେ ଏହା ହିଁ ତାହାର ସହବର୍ତ୍ତୀ ହେବ ।
\s5
\v 16 ଯେତେବେଳେ ମୁଁ ଜ୍ଞାନର ତତ୍ତ୍ୱ ଜାଣିବାକୁ ଓ ପୃଥିବୀରେ ସାଧିତ କାର୍ଯ୍ୟ ଦେଖିବାକୁ ମନୋଯୋଗ କଲି (କାରଣ ଦିବାରାତ୍ର ଯାହାର ଚକ୍ଷୁ ନିଦ୍ରା ଦେଖେ ନାହିଁ, ଏପରି ଲୋକ ମଧ୍ୟ ଅଛନ୍ତି);
\v 17 ସେତେବେଳେ ମୁଁ ପରମେଶ୍ୱରଙ୍କର ସକଳ କାର୍ଯ୍ୟ ବିଷୟ ଦେଖିଲି ଯେ, ମନୁଷ୍ୟ ସୂର୍ଯ୍ୟ ତଳେ ସାଧିତ କାର୍ଯ୍ୟର ତତ୍ତ୍ୱ ପାଇ ନ ପାରେ; କାରଣ ତାହା ଅନ୍ଵେଷଣ କରିବା ପାଇଁ ମନୁଷ୍ୟ ଯେତେ ପରିଶ୍ରମ କଲେ ହେଁ ତାହା ପାଇ ପାରିବ ନାହିଁ; ଆହୁରି, ଜ୍ଞାନୀ ଲୋକ ତାହା ଜାଣିବାକୁ ଚିନ୍ତା କଲେ ହେଁ ତହିଁର ତତ୍ତ୍ୱ ପାଇବାକୁ ସମର୍ଥ ହେବ ନାହିଁ ।
\s5
\c 9
\s ସମସ୍ତଙ୍କ ନିମନ୍ତେ ମୃତ୍ୟୁ
\p
\v 1 ମୁଁ ଏହିସବୁ ବିଷୟରେ ମନୋନିବେଶ କରି ଅନୁସନ୍ଧାନ କଲି; ଧାର୍ମିକ ଓ ଜ୍ଞାନୀ, ଆଉ ସେମାନଙ୍କ କାର୍ଯ୍ୟ ପରମେଶ୍ୱରଙ୍କ ହସ୍ତଗତ; ଏହା ପ୍ରେମ କି ଘୃଣା, ତାହା ମନୁଷ୍ୟ ଜାଣେ ନାହିଁ; ସବୁ ସେମାନଙ୍କ ସମ୍ମୁଖରେ ଥାଏ ।
\q1
\s5
\v 2 ସବୁ ବିଷୟ ସମସ୍ତଙ୍କ ପ୍ରତି ସମାନ ଘଟେ;
\q2 ଧାର୍ମିକ ଓ ଦୁଷ୍ଟ, ସୁଶୀଳ, ପୁଣି ଶୁଚି ଓ ଅଶୁଚି; ଯଜ୍ଞକାରୀ ଓ ଅଯଜ୍ଞକାରୀ,
\q3 ସମସ୍ତଙ୍କ ପ୍ରତି ଏକ ଘଟଣା ହୁଏ;
\q1 ସୁଶୀଳ ଯେପରି, ପାପୀ ସେପରି;
\q2 ପୁଣି, ଶପଥକାରୀ ଯେପରି, ଶପଥ ଭୟକାରୀ ସେପରି ।
\p
\s5
\v 3 ସୂର୍ଯ୍ୟ ତଳେ ଯେତେ କାର୍ଯ୍ୟ କରାଯାଏ, ତହିଁ ମଧ୍ୟରେ ଦୁଃଖର ବିଷୟ ଏହି ଯେ, ସମସ୍ତଙ୍କ ପ୍ରତି ସମାନ ଘଟଣା ହୁଏ; ଆହୁରି ମଧ୍ୟ ମନୁଷ୍ୟ ସନ୍ତାନଗଣର ହୃଦୟ ଦୁଷ୍ଟତାରେ ପରିପୂର୍ଣ୍ଣ ଓ ବଞ୍ଚିଥିବା ପର୍ଯ୍ୟନ୍ତ ସେମାନଙ୍କ ହୃଦୟରେ ପାଗଳାମି ଥାଏ, ପୁଣି ତହିଁ ଉତ୍ତାରେ ସେମାନେ ମୃତମାନଙ୍କ ନିକଟକୁ ଯାଆନ୍ତି ।
\s5
\v 4 କାରଣ ଯେଉଁ ଲୋକ ଜୀବିତ ଲୋକସମୂହ ମଧ୍ୟରେ ମିଶ୍ରିତ, ତାହାର ଭରସା ଥାଏ; ଯେହେତୁ ମୃତ ସିଂହ ଅପେକ୍ଷା ଜୀବିତ କୁକ୍କୁର ଭଲ ।
\q1
\v 5 ଜୀବିତ ଲୋକେ ମରିବେ ବୋଲି ଜାଣନ୍ତି;
\q2 ମାତ୍ର ମୃତ ଲୋକମାନେ କିଛି ଜାଣନ୍ତି ନାହିଁ,
\q1 କିଅବା ସେମାନେ ଆଉ କୌଣସି ଫଳ ପାଆନ୍ତି ନାହିଁ;
\q2 କାରଣ ସେମାନଙ୍କ ବିଷୟକ ସ୍ମରଣ ବିସ୍ମୃତ ହୁଏ ।
\q1
\s5
\v 6 ଯେପରି ସେମାନଙ୍କର ପ୍ରେମ,
\q2 ସେପରି ସେମାନଙ୍କର ଘୃଣା ଓ ଈର୍ଷା ନଷ୍ଟ ହୁଏ;
\q1 କିଅବା ସୂର୍ଯ୍ୟ ତଳେ ଯାହା କିଛି କରାଯାଏ,
\q2 ତହିଁରେ ଅନନ୍ତ କାଳ ସେମାନଙ୍କର କୌଣସି ଅଂଶ ନ ଥାଏ ।
\q1
\v 7 ତୁମ୍ଭେ ଆପଣା ମାର୍ଗରେ ଯାଅ,
\q2 ଆନନ୍ଦରେ ଆପଣା ଆହାର ଭୋଜନ କର
\q1 ଓ ହୃଷ୍ଟଚିତ୍ତରେ ଆପଣା ଦ୍ରାକ୍ଷାରସ ପାନ କର;
\q2 କାରଣ ପରମେଶ୍ୱର ତୁମ୍ଭର କାର୍ଯ୍ୟ ଗ୍ରହଣ କରି ସାରିଲେଣି ।
\q1
\v 8 ତୁମ୍ଭର ବସ୍ତ୍ର ସର୍ବଦା ଶୁଭ୍ର ଥାଉ
\q2 ଓ ତୁମ୍ଭ ମସ୍ତକରେ ତୈଳର ଅଭାବ ନ ହେଉ ।
\p
\s5
\v 9 ସୂର୍ଯ୍ୟ ତଳେ ପରମେଶ୍ୱର ତୁମ୍ଭକୁ ଅସାର ଆୟୁଷର ଯେତେ ଦିନ ଦେଇଅଛନ୍ତି, ତୁମ୍ଭର ସେହି ଅସାର ଆୟୁଷର ସମସ୍ତ ଦିନ ଆପଣା ପ୍ରିୟତମା ଭାର୍ଯ୍ୟା ସଙ୍ଗେ ଆନନ୍ଦରେ ବାସ କର; କାରଣ ଜୀବନ ମଧ୍ୟରେ ଓ ସୂର୍ଯ୍ୟ ତଳେ ତୁମ୍ଭେ ଯେଉଁ ପରିଶ୍ରମ କରୁଅଛ, ସେହି ପରିଶ୍ରମ ମଧ୍ୟରେ ଏହା ହିଁ ତୁମ୍ଭର ଅଂଶ ।
\v 10 ତୁମ୍ଭ ହସ୍ତ ଯେକୌଣସି କାର୍ଯ୍ୟ କରିବାକୁ ପାଏ, ତାହା ଆପଣା ଶକ୍ତିରେ କର; କାରଣ ତୁମ୍ଭେ ଯେଉଁ ସ୍ଥାନକୁ ଯାଉଅଛ, ସେହି କବରରେ କୌଣସି କାର୍ଯ୍ୟ, କି କଳ୍ପନା, କି ବିଦ୍ୟା, କି ଜ୍ଞାନ ନାହିଁ ।
\q1
\s5
\v 11 ମୁଁ ଫେରି ସୂର୍ଯ୍ୟ ତଳେ ଦେଖିଲି ଯେ,
\q2 ଦ୍ରୁତଗାମୀମାନଙ୍କୁ ବାଜି, କି ବୀରମାନଙ୍କୁ ଜୟ,
\q2 ଅବା ଜ୍ଞାନୀମାନଙ୍କୁ ଅନ୍ନ, କିଅବା ବୁଦ୍ଧିମାନ ଲୋକମାନଙ୍କୁ ଧନ,
\q2 ଅଥବା ପଣ୍ଡିତମାନଙ୍କୁ ଅନୁଗ୍ରହ ପ୍ରାପ୍ତ ହୁଏ ନାହିଁ,
\q3 ମାତ୍ର ସମସ୍ତଙ୍କ ପ୍ରତି ସମୟ ଓ ଆକସ୍ମିକ ଘଟଣା ଘଟେ ।
\q1
\v 12 କାରଣ ମନୁଷ୍ୟ ମଧ୍ୟ ଆପଣା ସମୟ;
\q2 ଯେପରି ମତ୍ସ୍ୟଗଣ ଅଶୁଭ ଜାଲରେ ପଡ଼ନ୍ତି ଓ ଯେପରି ପକ୍ଷୀଗଣ ଫାନ୍ଦରେ ଧରାଯାଆନ୍ତି,
\q3 ସେହିପରି ମନୁଷ୍ୟ ସନ୍ତାନଗଣ ଅକସ୍ମାତ୍‍ ଉପସ୍ଥିତ ବିପଦ ସମୟରେ ଧରାପଡ଼ନ୍ତି ।
\s ଜ୍ଞାନ ଓ ଅଜ୍ଞାନତା
\p
\s5
\v 13 ମୁଁ ମଧ୍ୟ ସୂର୍ଯ୍ୟ ତଳେ ଏହି ପ୍ରକାର ଜ୍ଞାନ ଦେଖିଅଛି, ଆଉ ତାହା ମୋ' ଦୃଷ୍ଟିରେ ମହତ୍‍ ବୋଧ ହେଲା;
\v 14 ଯଥା, ଅଳ୍ପ ଲୋକବିଶିଷ୍ଟ ଏକ କ୍ଷୁଦ୍ର ନଗର ଥିଲା; ଆଉ, ଏକ ମହାରାଜା ତହିଁ ବିରୁଦ୍ଧରେ ଆସି ତାହା ବେଷ୍ଟନ କଲା ଓ ତାହା ବିରୁଦ୍ଧରେ ବଡ଼ ବଡ଼ ଦୁର୍ଗ ନିର୍ମାଣ କଲା ।
\v 15 ଏପରି ସମୟରେ ତାହା ମଧ୍ୟରେ ଏକ ଦରିଦ୍ର ଜ୍ଞାନୀ ଲୋକ ଦେଖାଗଲା, ପୁଣି ସେ ଆପଣା ଜ୍ଞାନ ଦ୍ୱାରା ନଗର ରକ୍ଷା କଲା; ତଥାପି ସେହି ଦରିଦ୍ର ଲୋକକୁ କେହି ସ୍ମରଣ କଲା ନାହିଁ ।
\p
\s5
\v 16 ତେବେ ମୁଁ କହିଲି,
\q1 “ବଳ ଅପେକ୍ଷା ଜ୍ଞାନ ଉତ୍ତମ;
\q2 ତଥାପି ଦରିଦ୍ର ଲୋକର ଜ୍ଞାନ ତୁଚ୍ଛୀକୃତ ହୁଏ
\q3 ଓ ତାହାର ବାକ୍ୟ ଶୁଣାଯାଏ ନାହିଁ ।
\q1
\s5
\v 17 ମୂର୍ଖମାନଙ୍କ ମଧ୍ୟରେ ଶାସନକାରୀର ଚିତ୍କାର ଅପେକ୍ଷା
\q2 ଶାନ୍ତରେ କଥିତ ଜ୍ଞାନୀର ବାକ୍ୟ ଅଧିକ ଶୁଣାଯାଏ ।
\q1
\v 18 ଯୁଦ୍ଧାସ୍ତ୍ର ଅପେକ୍ଷା ଜ୍ଞାନ ଉତ୍ତମ;
\q2 ମାତ୍ର ଜଣେ ପାପୀ ବହୁ ମଙ୍ଗଳ ନାଶ କରେ ।”
\s5
\c 10
\q1
\v 1 ମଲା ମାଛି ଗନ୍ଧବଣିକର ସୁଗନ୍ଧି ତୈଳ ଦୁର୍ଗନ୍ଧ କରି ପକାଏ;
\q2 ତଦ୍ରୂପ ଅଳ୍ପ ମୂର୍ଖତା ଜ୍ଞାନ ଓ ସମ୍ଭ୍ରମଠାରୁ ଅଧିକ ଭାରୀ ।
\q1
\v 2 ଜ୍ଞାନୀର ହୃଦୟ ତାହାକୁ ସଠିକ୍ ପଥରେ ନିଏ;
\q2 ମାତ୍ର ମୂର୍ଖର ହୃଦୟ ତାହାକୁ ଭୁଲ୍ ପଥରେ ନିଏ ।
\q1
\v 3 ଆହୁରି, ମୂର୍ଖ ପଥରେ ଗମନ କଲା ବେଳେ ତାହାର ବୁଦ୍ଧିର ଅଭାବ ଦେଖାଯାଏ,
\q2 ପୁଣି ସେ ପ୍ରତ୍ୟେକକୁ କହେ ଯେ, ସେ ମୂର୍ଖ ।
\q1
\s5
\v 4 ତୁମ୍ଭ ଉପରେ ଶାସନକର୍ତ୍ତାର ମନରେ ବିରୁଦ୍ଧଭାବ ଉତ୍ପନ୍ନ ହେଲେ, ଆପଣା ସ୍ଥାନ ଛାଡ଼ ନାହିଁ;
\q2 କାରଣ ଅଧୀନତା ସ୍ୱୀକାର ଦ୍ୱାରା ମହା ମହା ଅନିଷ୍ଟ କ୍ଷାନ୍ତ ହୁଏ ।
\q1
\s5
\v 5 ମୁଁ ସୂର୍ଯ୍ୟ ତଳେ ଏକ ମନ୍ଦ ବିଷୟ ଦେଖିଅଛି,
\q2 ତାହା ଶାସନକର୍ତ୍ତାଠାରୁ ଉତ୍ପନ୍ନ ଭୁଲ୍ ତୁଲ୍ୟ ଅଟେ;
\q1
\v 6 ମୂର୍ଖତା ଅତି ଉଚ୍ଚ ପଦରେ ସ୍ଥାପିତ ହୁଏ,
\q2 ପୁଣି ଧନୀ ନୀଚ ସ୍ଥାନରେ ବସେ ।
\q1
\v 7 ମୁଁ ଦାସମାନଙ୍କୁ ଅଶ୍ୱ ଉପରେ
\q2 ଓ ଅଧିପତିମାନଙ୍କୁ ଦାସ ତୁଲ୍ୟ ପାଦଗତିରେ ଗମନ କରିବାର ଦେଖିଅଛି ।
\q1
\s5
\v 8 ଯେ ଗର୍ତ୍ତ ଖୋଳେ, ସେ ତହିଁରେ ପଡ଼ିବ
\q2 ଓ ଯେଉଁ ଲୋକ ବେଢ଼ା ଭାଙ୍ଗେ, ତାହାକୁ ସର୍ପ କାମୁଡ଼ିବ ।
\q1
\v 9 ଯେଉଁ ଲୋକ ପଥର ଖୋଳେ, ସେ ତଦ୍ଦ୍ୱାରା ଆଘାତ ପାଇବ;
\q2 ପୁଣି, ଯେ କାଠ ଚିରେ, ସେ ତଦ୍ଦ୍ୱାରା ଆପଦଗ୍ରସ୍ତ ହୁଏ ।
\q1
\s5
\v 10 ଲୁହା ଦନ୍ଥରା ହେଲେ ଯଦି କେହି ତାହାର ଦାଢ଼ ନ ପଜାଏ,
\q2 ତେବେ ତାହା ଉତ୍ତାରେ ଅଧିକ ବଳ ପ୍ରୟୋଗ କରିବାକୁ ହୁଏ;
\q3 ମାତ୍ର କର୍ତ୍ତବ୍ୟକୁ ଦେଖାଇବା ପାଇଁ ଜ୍ଞାନ ଫଳଦାୟକ ।
\q1
\v 11 ସର୍ପ ମନ୍ତ୍ରମୁଗ୍ଧ ହେବା ପୂର୍ବରୁ କାମୁଡ଼ିଲେ ଗୁଣିଆର କିଛି ଲାଭ ନାହିଁ ।
\q1
\s5
\v 12 ଜ୍ଞାନୀର ମୁଖର ବାକ୍ୟ ଅନୁଗ୍ରହଜନକ;
\q2 ମାତ୍ର ମୂର୍ଖର ନିଜ ଓଷ୍ଠାଧର ତାହାକୁ ଗ୍ରାସ କରିବ ।
\q1
\s5
\v 13 ତାହାର ମୁଖର ବାକ୍ୟାରମ୍ଭ ଅଜ୍ଞାନତା ଅଟେ
\q2 ଓ ତାହାର କଥାର ଶେଷ ଦୁଃଖଦାୟୀ ପାଗଳାମି ଅଟେ ।
\q1
\v 14 ମୂର୍ଖ ବହୁତ କଥା କହେ; ତଥାପି କଅଣ ହେବ, ମନୁଷ୍ୟ ଜାଣେ ନାହିଁ;
\q2 ଆଉ, ତାହା ଉତ୍ତାରେ ଯାହା ଘଟିବ, କିଏ ତାହାକୁ ଜଣାଇ ପାରେ ?
\q1
\s5
\v 15 ପ୍ରତ୍ୟେକ ମୂର୍ଖର ପରିଶ୍ରମ ତାହାକୁ କ୍ଳାନ୍ତ କରେ,
\q2 କାରଣ କିରୂପେ ନଗରକୁ ଯିବାର ହୁଏ, ତାହା ସେ ଜାଣେ ନାହିଁ ।
\q1
\s5
\v 16 ହେ ଦେଶ, ତୁମ୍ଭର ରାଜା ଯଦି ବାଳକ ହୁଏ
\q2 ଓ ତୁମ୍ଭର ଅଧିପତିଗଣ ଯଦି ପ୍ରଭାତରେ ଭୋଜନ କରନ୍ତି,
\q3 ତେବେ ତୁମ୍ଭେ ସନ୍ତାପର ପାତ୍ର ।
\q1
\v 17 ହେ ଦେଶ, କୂଳୀନର ପୁତ୍ର ଯେବେ ତୁମ୍ଭର ରାଜା ହୁଏ
\q2 ଓ ତୁମ୍ଭର ଅଧିପତିଗଣ ଯେବେ ମତ୍ତତା ନିମନ୍ତେ ନୁହେଁ,
\q3 ମାତ୍ର ବଳ ନିମନ୍ତେ ଉପଯୁକ୍ତ ସମୟରେ ଭୋଜନ କରନ୍ତି, ତେବେ ତୁମ୍ଭେ ଧନ୍ୟ !
\q1
\s5
\v 18 ଆଳସ୍ୟରେ ଛାତ ବସିଯାଏ,
\q2 ପୁଣି ହସ୍ତର ଶିଥିଳତାରେ ଗୃହରେ ଜଳ ଝରେ ।
\q1
\v 19 ହାସ୍ୟ ନିମନ୍ତେ ଭୋଜ ପ୍ରସ୍ତୁତ ହୁଏ,
\q2 ପୁଣି ଦ୍ରାକ୍ଷାରସ ଜୀବନ ଆନନ୍ଦିତ କରେ;
\q3 ଧନ ସବୁ କାର୍ଯ୍ୟରେ ଆସେ ।
\q1
\s5
\v 20 ରାଜାଙ୍କୁ ଅଭିଶାପ ଦିଅ ନାହିଁ, ନା ମନେ ମନେ ହିଁ ଦିଅ ନାହିଁ;
\q2 ଆଉ, ଧନୀକୁ ଆପଣା ଶୟନ ଗୃହରେ ଅଭିଶାପ ଦିଅ ନାହିଁ;
\q1 କାରଣ ଶୂନ୍ୟର ପକ୍ଷୀ ସେହି ରବ ଘେନି ଯିବ
\q2 ଓ ପକ୍ଷଧାରୀ ସେ କଥା ଜଣାଇ ଦେବ ।
\s5
\c 11
\s ଜ୍ଞାନୀର କର୍ତ୍ତବ୍ୟ
\q1
\v 1 ତୁମ୍ଭେ ଜଳ ଉପରେ ଆପଣା ଭକ୍ଷ୍ୟ ପକାଅ,
\q2 କାରଣ ଅନେକ ଦିନ ଉତ୍ତାରେ ତାହା ପାଇବ ।
\q1
\v 2 ସାତ ଜଣକୁ, ବରଞ୍ଚ ଆଠ ଜଣକୁ ଅଂଶ ବିତରଣ କର;
\q2 କାରଣ ପୃଥିବୀରେ କି ବିପଦ ଘଟିବ,
\q3 ତାହା ତୁମ୍ଭେ ଜାଣ ନାହିଁ ।
\q1
\v 3 ମେଘମାଳ ବୃଷ୍ଟିରେ ପୂର୍ଣ୍ଣ ହେଲେ ପୃଥିବୀରେ ତାହା ଢାଳି ଦିଅନ୍ତି;
\q2 ପୁଣି, ବୃକ୍ଷ ଯଦି ଦକ୍ଷିଣ କି ଉତ୍ତର ଦିଗରେ ପଡ଼େ,
\q3 ତେବେ ଯେଉଁ ସ୍ଥାନରେ ପଡ଼େ, ସେହି ସ୍ଥାନରେ ରହିବ ।
\q1
\s5
\v 4 ଯେଉଁ ଲୋକ ପବନକୁ ଅନାଏ, ସେ ବୁଣିବ ନାହିଁ
\q2 ଓ ଯେଉଁ ଲୋକ ମେଘକୁ ଅନାଏ, ସେ କାଟିବ ନାହିଁ ।
\q1
\v 5 ତୁମ୍ଭେ ଯେପରି ବାୟୁର ଗତି,
\q2 ଅବା ଗର୍ଭବତୀର ଉଦରରେ ଅସ୍ଥି କିରୂପେ ବଢ଼େ, ତାହା ଜାଣ ନାହିଁ,
\q3 ସେପରି ସର୍ବସାଧକ ପରମେଶ୍ୱରଙ୍କ କର୍ମ ହିଁ ଜାଣ ନାହିଁ ।
\q1
\s5
\v 6 ତୁମ୍ଭେ ପ୍ରଭାତରେ ବୀଜ ବୁଣ
\q2 ଓ ସନ୍ଧ୍ୟା ବେଳେ ଆପଣା ହସ୍ତ ବନ୍ଦ କର ନାହିଁ;
\q1 କାରଣ ଏହା ଅବା ତାହା ସିଦ୍ଧ ହେବ,
\q2 ଅବା ଉଭୟ ସମାନ ଉତ୍ତମ ହେବ,
\q3 ଏହା ତୁମ୍ଭେ ଜାଣ ନାହିଁ ।
\q1
\v 7 ପ୍ରକୃତରେ ଆଲୁଅ ସୁଖଦାୟକ,
\q2 ପୁଣି ଚକ୍ଷୁ ପକ୍ଷରେ ସୂର୍ଯ୍ୟ ଦର୍ଶନ ତୁଷ୍ଟିକର ।
\q1
\v 8 ହଁ, ଯଦି ମନୁଷ୍ୟ ଅନେକ ବର୍ଷ ବଞ୍ଚେ,
\q2 ତେବେ ସେହି ସବୁରେ ସେ ଆନନ୍ଦ କରୁ;
\q1 ମାତ୍ର ଅନ୍ଧକାରର ଦିନସବୁ ସେ ମନେ ରଖୁ,
\q2 କାରଣ ସେହି ଦିନସବୁ ଅନେକ ହେବ ।
\q3 ଯାହା ଯାହା ଘଟେ, ସବୁ ଅସାର ।
\s ଯୁବ ସଂପ୍ରଦାୟକୁ ପରାମର୍ଶ
\q1
\s5
\v 9 ହେ ଯୁବା ଲୋକ, ତୁମ୍ଭେ ଆପଣା ଯୌବନାବସ୍ଥାରେ ଆନନ୍ଦ କର
\q2 ଓ ଯୌବନ କାଳରେ ତୁମ୍ଭର ଚିତ୍ତ ତୁମ୍ଭକୁ ହୃଷ୍ଟ କରୁ,
\q1 ପୁଣି ଆପଣା ମନର ଗତିରେ ଓ ଆପଣା ଚକ୍ଷୁର ଦର୍ଶନରେ ଚାଲ;
\q2 ମାତ୍ର ପରମେଶ୍ୱର ଏହିସବୁ ବିଷୟ ଧରି ତୁମ୍ଭକୁ ବିଚାରରେ ଆଣିବେ,
\q3 ଏହା ତୁମ୍ଭେ ଜ୍ଞାତ ହୁଅ ।
\q1
\v 10 ଏହେତୁ ଆପଣା ହୃଦୟରୁ ବିରକ୍ତି ଦୂର କର
\q2 ଓ ଆପଣା ଶରୀରରୁ ଦୁଃଖ ଦୂର କର;
\q3 କାରଣ ଯୌବନ ଓ ଜୀବନର ଉତ୍ତମାଂଶ ଅସାର ।
\s5
\c 12
\q1
\v 1 ଆଉ, ତୁମ୍ଭେ ଯୌବନ କାଳରେ ଆପଣା ସୃଷ୍ଟିକର୍ତ୍ତାଙ୍କୁ ସ୍ମରଣ କର;
\q2 ଯେହେତୁ ଦୁଃସମୟ ଆସୁଅଛି, ଯେଉଁସବୁ ବର୍ଷରେ ତୁମ୍ଭେ କହିବ,
\q3 “ଏହିସବୁରେ ମୋହର କିଛି ସୁଖ ନାହିଁ, ସେହିସବୁ ବର୍ଷ ସନ୍ନିକଟ ହେଉଅଛି ।”
\q1
\v 2 ସେହି ସମୟରେ ସୂର୍ଯ୍ୟ, ଦୀପ୍ତି, ଚନ୍ଦ୍ର ଓ ତାରାଗଣ ଅନ୍ଧକାରମୟ ହେବେ,
\q2 ପୁଣି ବୃଷ୍ଟି ଉତ୍ତାରେ ପୁନର୍ବାର ମେଘ ହେବ;
\q1
\s5
\v 3 ସେହି ଦିନ ଗୃହ ରକ୍ଷକମାନେ ଥରହର ହେବେ
\q2 ଓ ବଳବାନ୍ ଲୋକେ ଆପେ ନତ ହେବେ
\q1 ଓ ପେଷିକାମାନେ ଅଳ୍ପ ହେବାରୁ କର୍ମରୁ ନିବୃତ୍ତ ହେବେ,
\q2 ପୁଣି ଝରକାରେ ଦୃଷ୍ଟିକାରିଣୀମାନେ ଅନ୍ଧକାରଗ୍ରସ୍ତା ହେବେ;
\q1
\s5
\v 4 ଓ ପଥଆଡ଼େ ଦ୍ୱାର ରୁଦ୍ଧ ହେବ,
\q2 ସେହି ସମୟରେ ପେଷଣ ଶବ୍ଦ କ୍ଷୀଣ ହେବ,
\q1 ପୁଣି ପକ୍ଷୀର ନାଦରେ ଲୋକ ଜାଗି ଉଠିବ
\q2 ଓ ବାଦ୍ୟକାରିଣୀ କନ୍ୟାଗଣ କ୍ଷୀଣ ହେବେ;
\q1
\s5
\v 5 ଆହୁରି, ସେମାନେ ଉଚ୍ଚ ସ୍ଥାନ ବିଷୟରେ ଭୀତ ହେବେ
\q2 ଓ ପଥରେ ତ୍ରାସ ହେବ;
\q2 ଆଉ, ବାଦାମ ବୃକ୍ଷ ପୁଷ୍ପିତ ହେବ
\q2 ଓ ଫଡ଼ିଙ୍ଗ ଆପଣା ଭାରରେ ଭାରଗ୍ରସ୍ତ ହେବ
\q2 ଓ କାମନା ନିସ୍ତେଜ ହେବ;
\q1 କାରଣ ମନୁଷ୍ୟ ଆପଣା ଚିର ନିବାସକୁ ଯାଏ
\q2 ଓ ଶୋକକାରୀମାନେ ପଥରେ ଭ୍ରମଣ କରନ୍ତି;
\q1
\s5
\v 6 ସେହି ସମୟରେ ରୂପାର ତାର ହୁଗୁଳା ହେବ,
\q2 ସୁବର୍ଣ୍ଣ ପାତ୍ର ଭଗ୍ନ ହେବ,
\q1 ମାଟିର ପାତ୍ର ଜଳସ୍ରୋତ ନିକଟରେ ଚୂର୍ଣ୍ଣ ହେବ
\q2 ଓ କୂପରେ ଚକ୍ର ଭଗ୍ନ ହେବ;
\q1
\v 7 ପୁଣି, ଧୂଳି ପୂର୍ବ ପରି ମୃତ୍ତିକାରେ ଲୀନ ହେବ,
\q2 ଆଉ ଆତ୍ମାଦାତା ପରମେଶ୍ୱରଙ୍କ ନିକଟକୁ ଆତ୍ମା ଫେରି ଯିବ ।
\p
\s5
\v 8 ଉପଦେଶକ କହନ୍ତି, “ଅସାରର ଅସାର, ସବୁ ହିଁ ଅସାର ।”
\s ସାର କଥା
\p
\v 9 ଆହୁରି, ଉପଦେଶକ ଜ୍ଞାନବାନ ହେବାରୁ ଲୋକମାନଙ୍କୁ ନିତ୍ୟ ଜ୍ଞାନ ଶିକ୍ଷା ଦେଲେ; ପୁଣି, ସେ ବିବେଚନା ଓ ଅନୁସନ୍ଧାନ କରି ଅନେକ ହିତୋପଦେଶ କ୍ରମ ଅନୁସାରେ ସଜାଡ଼ି ରଖିଲେ ।
\s5
\v 10 ଉପଦେଶକ ମନୋହର ବାକ୍ୟ ଓ ଯାହା ସରଳ ଭାବରେ ଲେଖାଗଲା, ସେହି ସତ୍ୟ ବାକ୍ୟ ପାଇବାକୁ ଅନ୍ଵେଷଣ କଲେ ।
\v 11 ଜ୍ଞାନବାନର ବାକ୍ୟସବୁ ଅଙ୍କୁଶ ସ୍ୱରୂପ ଓ ସଭାପତିଗଣର ବାକ୍ୟ ଦୃଢ଼ବଦ୍ଧ ଲୌହ କଣ୍ଟକ ସ୍ୱରୂପ, ତାହାସବୁ ଏକ ପାଳକ ଦ୍ୱାରା ଦତ୍ତ ହୋଇଅଛି ।
\p
\s5
\v 12 ଆହୁରି, ହେ ମୋହର ପୁତ୍ର, ତୁମ୍ଭେ ଉପଦେଶ ଗ୍ରହଣ କର; ଅନେକ ପୁସ୍ତକ ରଚନା କରିବାର ଶେଷ ନାହିଁ; ପୁଣି, ବହୁ ଅଭ୍ୟାସ ଶରୀରର କ୍ଳାନ୍ତିଜନକ ।
\q1
\s5
\v 13 ସାର କଥା ଏହି; ସବୁ ଶୁଣାଯାଇଅଛି;
\q2 ପରମେଶ୍ୱରଙ୍କୁ ଭୟ କର ଓ ତାହାଙ୍କର ଆଜ୍ଞାସବୁ ପାଳନ କର;
\q3 କାରଣ ଏହା ହିଁ ମନୁଷ୍ୟର ପୂର୍ଣ୍ଣ କର୍ତ୍ତବ୍ୟ କର୍ମ ।
\q1
\v 14 ଯେହେତୁ ପରମେଶ୍ୱର ପ୍ରତ୍ୟେକ କର୍ମ,
\q2 ପୁଣି ଭଲ କି ମନ୍ଦ ପ୍ରତ୍ୟେକ ଗୁପ୍ତ ବିଷୟ ବିଚାରରେ ଆଣିବେ ।

294
22-SNG.usfm Normal file
View File

@ -0,0 +1,294 @@
\id SNG
\ide UTF-8
\sts SNG- Odia Old Version Revision
\rem Copyright Information: Creative Commons Attribution- ShareAlike 4.0 License
\h ପରମ ଗୀତ
\toc1 ପରମ ଗୀତ
\toc2 ପରମ ଗୀତ
\toc3 sng
\mt1 ପରମ ଗୀତ
\s5
\c 1
\s କନ୍ୟାର ପ୍ରେମ ଆହ୍ୱାନ
\p
\v 1 ଶଲୋମନଙ୍କର ପରମ ଗୀତ ।
\v 2 ସେ ଆପଣା ମୁଖ-ଚୁମ୍ବନରେ ମୋତେ ଚୁମ୍ବନ କରନ୍ତୁ; କାରଣ ତୁମ୍ଭ ପ୍ରେମ ଦ୍ରାକ୍ଷାରସ ଅପେକ୍ଷା ଉତ୍ତମ ।
\v 3 ତୁମ୍ଭ ସୁଗନ୍ଧି ତୈଳର ସୁବାସ ଉତ୍ତମ; ତୁମ୍ଭ ନାମ ଢଳା ସୁଗନ୍ଧି ତୈଳ ସ୍ୱରୂପ; ତେଣୁ କୁମାରୀଗଣ ତୁମ୍ଭକୁ ପ୍ରେମ କରନ୍ତି ।
\v 4 ମୋତେ ତୁମ୍ଭେ ଟାଣି ନିଅ; ପୁଣି ଆମ୍ଭେ ତୁମ୍ଭ ପଛେ ପଛେ ଧାଇଁବା; ରାଜା ଆପଣା ଅନ୍ତଃପୁରକୁ ମୋତେ ଆଣିଅଛନ୍ତି; ଆମ୍ଭେମାନେ ତୁମ୍ଭଠାରେ ଆନନ୍ଦିତ ହେବା ଓ ଉଲ୍ଲାସ କରିବା । ଆମ୍ଭେମାନେ ଦ୍ରାକ୍ଷାରସ ଅପେକ୍ଷା ତୁମ୍ଭ ପ୍ରେମ ବିଷୟ ଅଧିକ କହିବା; ଯଥାର୍ଥରେ ଲୋକେ ତୁମ୍ଭକୁ ପ୍ରେମ କରନ୍ତି ।
\s କନ୍ୟା
\p
\s5
\v 5 ହେ ଯିରୁଶାଲମର କନ୍ୟାଗଣ, ମୁଁ କେଦାରର ତମ୍ବୁ ତୁଲ୍ୟ, ଶଲୋମନଙ୍କର ଯବନିକା ତୁଲ୍ୟ କୃଷ୍ଣବର୍ଣ୍ଣା, ତଥାପି ସୁନ୍ଦରୀ ।
\v 6 ମୁଁ କୃଷ୍ଣବର୍ଣ୍ଣା, ସୂର୍ଯ୍ୟ ମୋତେ ବିବର୍ଣ୍ଣା କରିଅଛି ବୋଲି ମୋ' ପ୍ରତି କୁଦୃଷ୍ଟି କର ନାହିଁ । ମୋ' ମାତାର ସନ୍ତାନଗଣ ମୋ' ପ୍ରତି କୁପିତ ହେଲେ, ସେମାନେ ମୋତେ ଦ୍ରାକ୍ଷାକ୍ଷେତ୍ରସମୂହର ରକ୍ଷିକା କଲେ; ମାତ୍ର ମୁଁ ନିଜ ଦ୍ରାକ୍ଷାକ୍ଷେତ୍ର ରକ୍ଷା କରି ନାହିଁ ।
\s5
\v 7 ହେ ମୋ' ପ୍ରାଣର ପ୍ରିୟତମ, ତୁମ୍ଭେ କେଉଁଠାରେ ଆପଣା ପଲ ଚରାଉଅଛ, ମଧ୍ୟାହ୍ନ କାଳେ ଯେଉଁଠାରେ ଶୟନ କରାଉଅଛ, ତାହା ମୋତେ ଜଣାଅ; କାରଣ ତୁମ୍ଭ ସଖାଗଣର ପଲ ନିକଟରେ ମୁଁ କାହିଁକି ଆବରକ ବସ୍ତ୍ର ପରିଧାନକାରିଣୀ ତୁଲ୍ୟ ହେବି ?
\s ପରସ୍ପରଠାରେ ଆନନ୍ଦ
\s ବର
\p
\s5
\v 8 ହେ ନାରୀଗଣ ମଧ୍ୟରେ ପରମ ସୁନ୍ଦରୀ, ଯଦି ତୁମ୍ଭେ ନ ଜାଣ, ତେବେ ତୁମ୍ଭେ ପଲର ପଦଚିହ୍ନ ଧରି ଗମନ କର ଓ ମେଷପାଳକମାନଙ୍କ ତମ୍ବୁ ନିକଟରେ ଆପଣା ଛେଳିଛୁଆମାନଙ୍କୁ ଚରାଅ ।
\s5
\v 9 ହେ ମୋହର ପ୍ରିୟେ, ମୁଁ ଫାରୋର ରଥର ଅଶ୍ୱିନୀ ସଙ୍ଗେ ତୁମ୍ଭର ଉପମା ଦେଇଅଛି ।
\v 10 ତୁମ୍ଭର ଗାଲ ଅଳଙ୍କାରରେ ସଜ୍ଜିତ, ତୁମ୍ଭ ଗଳଦେଶ ରତ୍ନହାରରେ ସୁଶୋଭିତ ।
\s ଅନ୍ୟମାନେ
\p
\v 11 ଆମ୍ଭେ ତୁମ୍ଭ ପାଇଁ ରୂପା ଭୁଣ୍ଡିଲଗା ସୁବର୍ଣ୍ଣ ବେଣୀ ପ୍ରସ୍ତୁତ କରିବା ।
\s କନ୍ୟା
\p
\s5
\v 12 ରାଜା ଭୋଜନାସନରେ ଉପବିଷ୍ଟ ଥିବା ବେଳେ ମୋ' ସୁଗନ୍ଧିର ସୁବାସ ବ୍ୟାପ୍ତ ହେଲା ।
\v 13 ମୋହର ପ୍ରିୟତମ ମୋ' ବକ୍ଷସ୍ଥଳ ମଧ୍ୟରେ ଥିବା ଗନ୍ଧରସ ବୃକ୍ଷର ଥୋପା ତୁଲ୍ୟ ମୋ' ପ୍ରତି ଅଟନ୍ତି ।
\v 14 ମୋ' ପ୍ରିୟତମ ମୋ' ପ୍ରତି ଐନ୍‍ଗଦୀର ଦ୍ରାକ୍ଷାକ୍ଷେତ୍ରସ୍ଥ ମେହେନ୍ଦି ପୁଷ୍ପ ଗୁଚ୍ଛ ତୁଲ୍ୟ ଅଟନ୍ତି ।
\s ବର
\p
\s5
\v 15 ହେ ମୋହର ପ୍ରିୟେ, ଦେଖ, ତୁମ୍ଭେ ସୁନ୍ଦରୀ, ଦେଖ, ତୁମ୍ଭେ ସୁନ୍ଦରୀ ଅଟ; ତୁମ୍ଭର ଚକ୍ଷୁ କପୋତ ତୁଲ୍ୟ ।
\s କନ୍ୟା
\p
\s5
\v 16 ଦେଖ, ହେ ମୋହର ପ୍ରିୟତମ, ତୁମ୍ଭେ ସୁନ୍ଦର, ହଁ, ତୁମ୍ଭେ ମନୋହର; ଆହୁରି, ଆମ୍ଭମାନଙ୍କ ଶଯ୍ୟା ହରିଦ୍‍ବର୍ଣ୍ଣ ଅଟେ ।
\v 17 ଏରସ କାଷ୍ଠ ଆମ୍ଭମାନଙ୍କ ଗୃହର କଡ଼ି ଓ ଦେବଦାରୁ କାଷ୍ଠ ଆମ୍ଭମାନଙ୍କର ବରଗା ।
\s5
\c 2
\p
\v 1 ମୁଁ ଶାରୋଣର ଗୋଲାପ ଏବଂ ଉପତ୍ୟକାର କଇଁ ଫୁଲ ଅଟେ ।
\s ବର
\p
\v 2 ଯେପରି କଣ୍ଟକ ମଧ୍ୟରେ କଇଁ ଫୁଲ, ସେହିପରି ଯୁବତୀଗଣ ମଧ୍ୟରେ ମୋହର ପ୍ରିୟା ।
\s କନ୍ୟା
\p
\s5
\v 3 ଯେପରି ବନବୃକ୍ଷମାନଙ୍କ ମଧ୍ୟରେ ନାଗରଙ୍ଗ ବୃକ୍ଷ, ସେପରି ଯୁବାମାନଙ୍କ ମଧ୍ୟରେ ମୋହର ପ୍ରିୟତମ । ମୁଁ ପରମ ଆନନ୍ଦରେ ତାଙ୍କ ଛାୟା ତଳେ ବସିଲି ଓ ତାଙ୍କ ଫଳ ମୋ' ତୁଣ୍ଡକୁ ସ୍ୱାଦ ଲାଗିଲା ।
\v 4 ସେ ଆପଣା ଭୋଜନପାନର ଗୃହକୁ ମୋତେ ଆଣିଲେ, ମୋ' ଉପରେ ପ୍ରେମ ହିଁ ତାଙ୍କର ପତାକା ହେଲା ।
\s5
\v 5 ତୁମ୍ଭେମାନେ ଦ୍ରାକ୍ଷାଫଳ ଦେଇ ମୋତେ ସୁସ୍ଥିର କର, ନାଗରଙ୍ଗ ଫଳରେ ମୋତେ ଆଶ୍ୱାସ ଦିଅ; କାରଣ ମୁଁ ପ୍ରେମ ପୀଡ଼ିତା ।
\v 6 ତାଙ୍କ ବାମ ହସ୍ତ ମୋ' ମସ୍ତକ ତଳେ ଅଛି, ପୁଣି ତାଙ୍କ ଦକ୍ଷିଣ ହସ୍ତ ମୋତେ ଆଲିଙ୍ଗନ କରେ ।
\s5
\v 7 ହେ ଯିରୁଶାଲମର କନ୍ୟାଗଣ, ମୁଁ ତୁମ୍ଭମାନଙ୍କୁ କ୍ଷେତ୍ରସ୍ଥିତ ହରିଣୀ ଓ ମୃଗୀଗଣର ଶପଥ ଦେଉଅଛି ଯେ, ପ୍ରେମର ବାସନା ନୋହିବା ପର୍ଯ୍ୟନ୍ତ ତୁମ୍ଭେମାନେ ପ୍ରେମକୁ ଜଗାଅ ନାହିଁ, କି ଉତ୍ତେଜନା କର ନାହିଁ ।
\s ପ୍ରିୟତମଙ୍କ ପ୍ରତି କନ୍ୟାର ଶ୍ରଦ୍ଧା
\p
\s5
\v 8 ଏହି ତ ମୋ' ପ୍ରିୟତମଙ୍କ ରବ ! ଦେଖ, ସେ ପର୍ବତଗଣ ଉପରେ କୁଦି କୁଦି, ଉପପର୍ବତଗଣ ଉପରେ ଡେଇଁ ଡେଇଁ ଆସୁଅଛନ୍ତି ।
\v 9 ମୋହର ପ୍ରିୟତମ ହରିଣ ଓ ତରୁଣ ମୃଗ ତୁଲ୍ୟ; ଦେଖ, ସେ ଆମ୍ଭମାନଙ୍କ ପ୍ରାଚୀର ପଛେ ଠିଆ ହେଉଅଛନ୍ତି, ସେ ଝରକାରେ ଅନାଉଅଛନ୍ତି, ସେ ଜାଲି ପରଦା ବାଟେ ଆପଣାକୁ ଦେଖାଉ ଅଛନ୍ତି ।
\s5
\v 10 ମୋହର ପ୍ରିୟତମ କଥା କହିଲେ ଓ ସେ ମୋତେ କହିଲେ, "ହେ ମୋହର ପ୍ରିୟେ, ମୋହର ସୁନ୍ଦରୀ, ଉଠ, ବାହାରି ଆସ ।
\v 11 କାରଣ, ଦେଖ, ଶୀତକାଳ ଗତ ହେଲା, ବୃଷ୍ଟି ଶେଷ ହୋଇଗଲା;
\s5
\v 12 ଭୂମିରେ ପୁଷ୍ପ ପ୍ରସ୍ପୁଟିତ ହେଉଅଛି, ପକ୍ଷୀଗଣର ଗାୟନକାଳ ଉପସ୍ଥିତ, ଆମ୍ଭମାନଙ୍କ ଦେଶରେ କପୋତର ରବ ଶୁଣା ଯାଉଅଛି;
\v 13 ଡିମିରି ବୃକ୍ଷ ସ୍ୱ ଅପକ୍ୱ ଫଳମାନ ପକ୍ୱ କରୁଅଛି ଓ ଦ୍ରାକ୍ଷାଲତା ପୁଷ୍ପିତ ହୋଇ ସୁବାସ ଦେଉଅଛି । ହେ ମୋହର ପ୍ରିୟେ, ମୋହର ସୁନ୍ଦରୀ, ଉଠ, ବାହାରି ଆସ ।
\s5
\v 14 ହେ ମୋହର କପୋତୀ, ତୁମ୍ଭେ ଶୈଳର ଫାଟରେ ଗଡ଼ନ୍ତି ସ୍ଥାନର ଅନ୍ତରାଳରେ ଅଛ, ମୋତେ ତୁମ୍ଭ ରୂପ ଦେଖିବାକୁ ଦିଅ, ମୋତେ ତୁମ୍ଭ ରବ ଶୁଣିବାକୁ ଦିଅ; କାରଣ ତୁମ୍ଭ ରବ ସୁମିଷ୍ଟ ଓ ତୁମ୍ଭ ରୂପ ମନୋହର ।
\s5
\v 15 ଆମ୍ଭମାନଙ୍କ ପାଇଁ ଦ୍ରାକ୍ଷାକ୍ଷେତ୍ରନାଶକ ଶୃଗାଳମାନଙ୍କୁ, କ୍ଷୁଦ୍ର ଶୃଗାଳମାନଙ୍କୁ ଧର; କାରଣ ଆମ୍ଭମାନଙ୍କ ଦ୍ରାକ୍ଷାକ୍ଷେତ୍ର ପୁଷ୍ପିତ ହୋଇଅଛି ।"
\s5
\v 16 ମୋ' ପ୍ରିୟତମ ମୋହର ଓ ମୁଁ ତାଙ୍କର ଅଟେ; ସେ କଇଁ ଫୁଲବନ ମଧ୍ୟରେ ଆପଣା ପଲ ଚରାଉଅଛନ୍ତି ।
\v 17 ହେ ମୋହର ପ୍ରିୟତମ, ଦିବସ ଶୀତଳ ହେବା ଓ ଛାୟା ବହିଯିବା ପର୍ଯ୍ୟନ୍ତ ତୁମ୍ଭେ ଫେରି ଆସି ବେଥର ପର୍ବତଶ୍ରେଣୀସ୍ଥ ହରିଣ ଓ ମୃଗଶାବକ ତୁଲ୍ୟ ହୁଅ ।
\s5
\c 3
\s କନ୍ୟାର ସ୍ୱପ୍ନ
\p
\v 1 ଯାହାଙ୍କୁ ମୋହର ପ୍ରାଣ ପ୍ରେମ କରେ, ତାଙ୍କୁ ମୁଁ ରାତ୍ରିକାଳେ ଆପଣା ଶଯ୍ୟାରେ ଖୋଜିଲି; ମୁଁ ତାଙ୍କୁ ଖୋଜିଲି, ମାତ୍ର ପାଇଲି ନାହିଁ ।
\v 2 ମୁଁ କହିଲି, ମୁଁ ଏବେ ଉଠି ନଗର ଭ୍ରମଣ କରିବି, ଯାହାଙ୍କୁ ମୋ' ପ୍ରାଣ ପ୍ରେମ କରେ, ତାଙ୍କୁ ମୁଁ ଗଳି ଗଳି ଓ ଛକେ ଛକେ ଖୋଜିବି; ମୁଁ ତାଙ୍କୁ ଖୋଜିଲି, ମାତ୍ର ପାଇଲି ନାହିଁ ।
\s5
\v 3 ନଗର ଭ୍ରମଣକାରୀ ପ୍ରହରୀମାନେ ମୋତେ ଦେଖିଲେ; ମୁଁ ସେମାନଙ୍କୁ ପଚାରିଲି, ଯାହାଙ୍କୁ ମୋ' ପ୍ରାଣ ପ୍ରେମ କରେ, ତାଙ୍କୁ କି ତୁମ୍ଭେମାନେ ଦେଖିଲ ?
\v 4 ସେମାନଙ୍କୁ ଛାଡ଼ିବାର ଅଳ୍ପକ୍ଷଣ ଉତ୍ତାରେ ଯାହାଙ୍କୁ ମୋ' ପ୍ରାଣ ପ୍ରେମ କରେ, ତାଙ୍କୁ ପାଇଲି; ମୁଁ ଆପଣା ମାତୃଗୃହକୁ ଓ ମୋ' ଗର୍ଭଧାରିଣୀଙ୍କ ଅନ୍ତଃପୁରକୁ ନ ଆଣିବା ପର୍ଯ୍ୟନ୍ତ ତାଙ୍କୁ ଧରି ରଖିଲି, ଆଉ ଯିବାକୁ ଦେଲି ନାହିଁ ।
\s5
\v 5 ହେ ଯିରୁଶାଲମର କନ୍ୟାଗଣ, ମୁଁ ତୁମ୍ଭମାନଙ୍କୁ କ୍ଷେତ୍ରସ୍ଥିତ ହରିଣୀ ଓ ମୃଗୀଗଣର ଶପଥ ଦେଉଅଛି ଯେ, ପ୍ରେମର ବାସନା ନୋହିବା ପର୍ଯ୍ୟନ୍ତ ତୁମ୍ଭେମାନେ ପ୍ରେମକୁ ଜଗାଅ ନାହିଁ, କି ଉତ୍ତେଜିତ କର ନାହିଁ ।
\s ବିବାହକୁ ବରର ଆଗମନ
\p
\s5
\v 6 ଗନ୍ଧରସ ଓ କୁନ୍ଦୁରୁରେ, ଗନ୍ଧବଣିକର ସର୍ବପ୍ରକାର ସୁଗନ୍ଧି ଚୂର୍ଣ୍ଣରେ ସୁବାସିତ ହୋଇ ଧୂମସ୍ତମ୍ଭ ତୁଲ୍ୟ ପ୍ରାନ୍ତରରୁ ଯେ ଆସୁଅଛନ୍ତି, ସେ କିଏ ?
\v 7 ଦେଖ, ତାହା ଶଲୋମନଙ୍କର ବିଶ୍ରାମର ଆସନ; ତହିଁ ଚତୁର୍ଦ୍ଦିଗରେ ଇସ୍ରାଏଲୀୟ ବୀରଗଣ ମଧ୍ୟରୁ ଷାଠିଏ ଜଣ ବୀର ଅଛନ୍ତି ।
\s5
\v 8 ସେମାନେ ସମସ୍ତେ ଖଡ଼୍‍ଗଧାରୀ ଓ ଯୁଦ୍ଧରେ ନିପୁଣ; ରାତ୍ରିକାଳର ଆଶଙ୍କା ହେତୁ ପ୍ରତ୍ୟେକର କଟିଦେଶରେ ସ୍ୱ ସ୍ୱ ଖଡ଼୍‍ଗ ବନ୍ଧା ଥାଏ ।
\v 9 ଶଲୋମନ ରାଜା ଆପଣା ପାଇଁ ଲିବାନୋନର କାଷ୍ଠର ଏକ ପାଲିଙ୍କି ନିର୍ମାଣ କଲେ ।
\s5
\v 10 ସେ ତହିଁର ସ୍ତମ୍ଭସବୁ ରୂପାର, ତହିଁର ତଳଭାଗ ସୁନାର, ତହିଁର ଆସନ ବାଇଗଣିଆ ରଙ୍ଗର କଲେ, ତହିଁର ମଧ୍ୟଭାଗ ଯିରୁଶାଲମର କନ୍ୟାମାନଙ୍କର ଦ୍ୱାରା ପ୍ରେମରେ ମଣ୍ଡିତ ।
\v 11 ହେ ସିୟୋନର କନ୍ୟାଗଣ, ତୁମ୍ଭେମାନେ ବାହାରେ ଯାଇ ମୁକୁଟଭୂଷିତ ଶଲୋମନ ରାଜାଙ୍କୁ ଦେଖ, ତାଙ୍କ ବିବାହ ଦିନରେ ଓ ତାଙ୍କ ମନର ଆନନ୍ଦ ଦିନରେ ତାଙ୍କ ମାତା ତାଙ୍କୁ ସେହି ମୁକୁଟ ପିନ୍ଧାଇଅଛନ୍ତି ।
\s5
\c 4
\s କନ୍ୟାର ସୌନ୍ଦର୍ଯ୍ୟକୁ ବରର ପ୍ରଶଂସା
\p
\v 1 ହେ ମୋହର ପ୍ରିୟେ, ଦେଖ, ତୁମ୍ଭେ ସୁନ୍ଦରୀ; ଦେଖ ତୁମ୍ଭେ ସୁନ୍ଦରୀ; ଓଢ଼ଣା ତଳେ ତୁମ୍ଭ ଚକ୍ଷୁ କପୋତ ତୁଲ୍ୟ; ତୁମ୍ଭର କେଶ ଗିଲିୟଦ ପର୍ବତ ପାର୍ଶ୍ୱରେ ଆରାମକାରୀ ଛେଳିପଲ ତୁଲ୍ୟ ।
\s5
\v 2 ତୁମ୍ଭର ଦନ୍ତ-ପଂକ୍ତି ନୂତନ ଲୋମକଟା, ସ୍ନାନରୁ ଉତ୍‍ଥିତା ମେଷୀପଲ ତୁଲ୍ୟ; ସେମାନଙ୍କ ପ୍ରତ୍ୟେକର ଯାଆଁଳା ଛୁଆ ଅଛି, ଆଉ ସେମାନଙ୍କ ମଧ୍ୟରୁ କାହାରି ଛୁଆ ମରି ନାହିଁ ।
\s5
\v 3 ତୁମ୍ଭର ଓଷ୍ଠାଧର ସିନ୍ଦୂରବର୍ଣ୍ଣ ସୂତ୍ର ତୁଲ୍ୟ ଓ ତୁମ୍ଭର ମୁଖ ମନୋହର; ଓଢ଼ଣି ତଳେ ତୁମ୍ଭ ଗାଲ ଡାଳିମ୍ବ ତୁଲ୍ୟ ।
\s5
\v 4 ତୁମ୍ଭର ଗଳଦେଶ ଅସ୍ତ୍ରାଗାର ନିମନ୍ତେ ନିର୍ମିତ ଦାଉଦଙ୍କ ଦୁର୍ଗ ତୁଲ୍ୟ, ସେହି ଦୁର୍ଗ ମଧ୍ୟରେ ଏକ ସହସ୍ର ଚର୍ମ, ବୀରଗଣର ସକଳ ଢାଲ ଟଙ୍ଗାଗଲା ।
\v 5 କଇଁ ଫୁଲବନରେ ଚରିବାର ଯାଆଁଳା ହରିଣ ଛୁଆ ତୁଲ୍ୟ ତୁମ୍ଭର ସ୍ତନଯୁଗଳ ।
\s5
\v 6 ଦିବସ ଶୀତଳ ହେବା ଓ ଛାୟା ବହିଯିବା ପର୍ଯ୍ୟନ୍ତ ମୁଁ ଗନ୍ଧରସ-ପର୍ବତ ଓ କୁନ୍ଦୁରୁ-ଉପପର୍ବତକୁ ଯିବି ।
\v 7 ହେ ମୋହର ପ୍ରିୟେ, ତୁମ୍ଭେ ସର୍ବାଙ୍ଗ ସୁନ୍ଦରୀ; ତୁମ୍ଭଠାରେ କୌଣସି ଖୁଣ ନାହିଁ ।
\s5
\v 8 ହେ ମୋହର କନ୍ୟେ, ମୋ' ସଙ୍ଗେ ଲିବାନୋନରୁ, ମୋ' ସଙ୍ଗେ ଲିବାନୋନରୁ ଆସ; ଅମାନାର ଶୃଙ୍ଗରୁ, ଶନୀର ଓ ହର୍ମୋଣର ଶୃଙ୍ଗରୁ, ସିଂହମାନଙ୍କ ଗହ୍ୱରରୁ, ଚିତାବାଘମାନଙ୍କ ପର୍ବତରୁ ଦୃଷ୍ଟିପାତ କର ।
\s5
\v 9 ହେ ମୋହର ଭଗିନୀ, ହେ ମୋହର କନ୍ୟେ, ତୁମ୍ଭେ ମୋହର ଚିତ୍ତ ହରଣ କରିଅଛ; ତୁମ୍ଭେ ଆପଣାର ଏକ ଦୃଷ୍ଟିରେ, ଆପଣା ଗଳାର ଏକ ହାରରେ ମୋହର ଚିତ୍ତ ହରଣ କରିଅଛ ।
\s5
\v 10 ହେ ମୋହର ଭଗିନୀ, ମୋହର କନ୍ୟେ, ତୁମ୍ଭର ପ୍ରେମ କିପରି ମନୋରମ ! ତୁମ୍ଭ ପ୍ରେମ ଦ୍ରାକ୍ଷାରସ ଅପେକ୍ଷା କିପରି ଉତ୍ତମ ! ପୁଣି, ତୁମ୍ଭ ତୈଳର ସୁଗନ୍ଧ ସର୍ବପ୍ରକାର ସୁଗନ୍ଧିଦ୍ରବ୍ୟ ଅପେକ୍ଷା କିପରି ଉତ୍ତମ !
\v 11 ହେ ମୋହର କନ୍ୟେ, ତୁମ୍ଭ ଓଷ୍ଠାଧରରୁ ମଧୁଚାକ ପରି ଟୋପା ଟୋପା କ୍ଷରେ; ମଧୁ ଓ ଦୁଗ୍‍ଧ ତୁମ୍ଭ ଜିହ୍ୱା ତଳେ ଥାଏ; ତୁମ୍ଭ ବସ୍ତ୍ରର ସୁଗନ୍ଧ ଲିବାନୋନର ସୁଗନ୍ଧ ତୁଲ୍ୟ ।
\s5
\v 12 ମୋହର ଭଗିନୀ, ମୋହର କନ୍ୟା ଏକ ରୁଦ୍ଧ ଉଦ୍ୟାନ; ଏକ ରୁଦ୍ଧ ନିର୍ଝର, ଏକ ମୁଦ୍ରାଙ୍କିତ ଜଳାକାର ସଦୃଶ୍ୟ ।
\v 13 ତୁମ୍ଭର ପଲ୍ଲବ ବହୁମୂଲ୍ୟ ଫଳବିଶିଷ୍ଟ ଡାଳିମ୍ବ ଉପବନ; ମେହେନ୍ଦି, ସୁଗନ୍ଧି ବୃକ୍ଷର ଚାରାବିଶିଷ୍ଟ,
\v 14 ଜଟାମାଂସୀ ଓ କୁଙ୍କୁମ, ବଚ ଓ ଦାରୁଚିନି, ସର୍ବପ୍ରକାର କୁନ୍ଦୁରୁ ବୃକ୍ଷବିଶିଷ୍ଟ ଗନ୍ଧରସ ଓ ଅଗୁର, ସର୍ବପ୍ରକାର ପ୍ରଧାନ ପ୍ରଧାନ ସୁଗନ୍ଧି ବୃକ୍ଷବିଶିଷ୍ଟ ।
\s5
\v 15 ତୁମ୍ଭେ ଉଦ୍ୟାନସମୂହର ଜଳାକର, ଅମୃତ ଜଳର କୂପ ଓ ଲିବାନୋନରୁ ପ୍ରବାହିତ ସ୍ରୋତ ସଦୃଶ୍ୟ ।
\s ଏକତ୍ର ପ୍ରେମୋଦ୍ୟାନରେ କନ୍ୟା
\p
\v 16 ହେ ଉତ୍ତରୀୟ ବାୟୁ, ଜାଗ; ହେ ଦକ୍ଷିଣ ବାୟୁ, ଆସ; ମୋ' ଉଦ୍ୟାନର ସୁଗନ୍ଧି ଯେପରି ନିର୍ଗତ ହେବ, ଏଥିପାଇଁ ତହିଁ ଉପରେ ବହ ।
\q1 ମୋହର ପ୍ରିୟତମ ଆପଣା ଉଦ୍ୟାନକୁ ଆସନ୍ତୁ ଓ ଆପଣାର ବହୁମୂଲ୍ୟ ଫଳସବୁ ଭୋଜନ କରନ୍ତୁ ।
\s5
\c 5
\s ବର
\p
\v 1 ହେ ମୋହର ଭଗିନୀ, ମୋହର କନ୍ୟେ, ମୁଁ ଆପଣା ଉଦ୍ୟାନକୁ ଆସିଅଛି; ମୁଁ ଆପଣା ଗନ୍ଧରସ ଓ ସୁଗନ୍ଧି ଦ୍ରବ୍ୟ ସଂଗ୍ରହ କରିଅଛି; ମୁଁ ଆପଣା ମଧୁଚାକ ଓ ମଧୁ ଭୋଜନ କରିଅଛି; ମୁଁ ଆପଣା ଦ୍ରାକ୍ଷାରସ ଓ ଦୁଗ୍‍ଧ ପାନ କରିଅଛି ।
\s ଅନ୍ୟମାନେ
\p ହେ ବନ୍ଧୁଗଣ, ଭୋଜନ କର; ହେ ପ୍ରିୟତମଗଣ, ପାନ କର, ହଁ, ଯଥେଷ୍ଟ ପାନ କର ।
\s ପ୍ରିୟତମଙ୍କୁ କନ୍ୟାର ଅନ୍ୱେଷଣ
\s କନ୍ୟା
\p
\s5
\v 2 ମୁଁ ନିଦ୍ରିତା ଥିଲି, ମାତ୍ର ମୋହର ହୃଦୟ ଜାଗ୍ରତ ଥିଲା; ଏହି ତ ମୋ' ପ୍ରିୟତମଙ୍କ ରବ, ସେ ଦ୍ୱାରରେ ଆଘାତ କରି କହୁଅଛନ୍ତି, "ହେ ମୋହର ଭଗିନୀ, ମୋହର ପ୍ରିୟେ, ମୋହର କପୋତୀ, ମୋହର ଶୁଦ୍ଧମତେ; ମୋ' ପାଇଁ ଦ୍ୱାର ଫିଟାଅ; କାରଣ ମୋହର ମସ୍ତକ ଶିଶିରରେ, ମୋହର କେଶ ରାତ୍ରିର ଜଳବିନ୍ଦୁରେ ପରିପୂର୍ଣ୍ଣ ।"
\s5
\v 3 ମୁଁ ଆପଣା ଜାମା କାଢ଼ି ପକାଇଅଛି, କିପରି ପୁନର୍ବାର ତାହା ପିନ୍ଧିବି ? ମୁଁ ଆପଣା ପାଦ ଧୋଇଅଛି; କିପରି ପୁନର୍ବାର ତାହା ମଳିନ କରିବି ?
\v 4 ମୋ' ପ୍ରିୟତମ ଦ୍ୱାରର ଛିଦ୍ରରେ ଆପଣା ହସ୍ତ ଥୋଇଲେ, ତହିଁରେ ମୋହର ହୃଦୟ ତାଙ୍କ ପାଇଁ ଉତ୍ତେଜିତ ହେଲା ।
\s5
\v 5 ମୁଁ ଆପଣା ପ୍ରିୟତମଙ୍କ ପାଇଁ ଦ୍ୱାର ଫିଟାଇବାକୁ ଉଠିଲି; କିଳିଣୀର ବେଣ୍ଟ ଉପରେ ମୋ' ହସ୍ତରୁ ଗନ୍ଧରସ, ମୋ' ଅଙ୍ଗୁଳିରୁ ଦ୍ରବ ଗନ୍ଧରସ କ୍ଷରିଲା ।
\s5
\v 6 ମୁଁ ଆପଣା ପ୍ରିୟତମଙ୍କ ପାଇଁ ଦ୍ୱାର ଫିଟାଇଲି; ମାତ୍ର ମୋହର ପ୍ରିୟତମ ସ୍ଥାନାନ୍ତରେ ଚାଲି ଯାଇଥିଲେ । ସେ କଥା କହିବା ବେଳେ ମୋହର ପ୍ରାଣ ଉଡ଼ିଗଲା; ମୁଁ ତାଙ୍କୁ ଖୋଜିଲି, ମାତ୍ର ପାଇପାରିଲି ନାହିଁ; ମୁଁ ତାଙ୍କୁ ଡାକିଲି, ମାତ୍ର ସେ ମୋତେ କୌଣସି ଉତ୍ତର ଦେଲେ ନାହିଁ ।
\s5
\v 7 ନଗର ଭ୍ରମଣକାରୀ ପ୍ରହରୀମାନେ ମୋତେ ଦେଖିଲେ, ସେମାନେ ମୋତେ ପ୍ରହାର କଲେ, ସେମାନେ ମୋତେ କ୍ଷତବିକ୍ଷତ କଲେ । ପ୍ରାଚୀର-ରକ୍ଷକମାନେ ମୋ'ଠାରୁ ମୋହର ଆଚ୍ଛାଦନ-ବସ୍ତ୍ର କାଢ଼ି ନେଇଗଲେ ।
\s5
\v 8 ହେ ଯିରୁଶାଲମର କନ୍ୟାଗଣ, ଯେବେ ତୁମ୍ଭେମାନେ ମୋ' ପ୍ରିୟତମଙ୍କର ଦେଖା ପାଇବ, ତେବେ ମୁଁ ତୁମ୍ଭମାନଙ୍କୁ ଶପଥ ଦେଇ କହୁଅଛି, ମୁଁ ପ୍ରେମପୀଡ଼ିତା ବୋଲି ତୁମ୍ଭେମାନେ ତାଙ୍କୁ କହିବ ।
\s ଅନ୍ୟମାନେ
\p
\s5
\v 9 ହେ ନାରୀଗଣ ମଧ୍ୟରେ ପରମା ସୁନ୍ଦରୀ, ତୁମ୍ଭ ପ୍ରିୟତମ କି ବିଷୟରେ ଅନ୍ୟ ପ୍ରିୟତମଠାରୁ ଅଧିକ ? ତୁମ୍ଭେ ଯେ ଆମ୍ଭମାନଙ୍କୁ ଶପଥ ଦେଉଅଛ, ତୁମ୍ଭ ପ୍ରିୟତମ କି ବିଷୟରେ ଅନ୍ୟ ପ୍ରିୟତମଠାରୁ ଅଧିକ ?
\s ପ୍ରିୟତମଙ୍କୁ କନ୍ୟାର ପ୍ରଶଂସା
\p
\s5
\v 10 ମୋହର ପ୍ରିୟତମ ଶ୍ଵେତ ଓ ରକ୍ତବର୍ଣ୍ଣ, ଦଶ ସହସ୍ର ମଧ୍ୟରେ ପ୍ରଧାନ ।
\v 11 ତାଙ୍କର ମସ୍ତକ ଶୁଦ୍ଧ ସୁବର୍ଣ୍ଣ ତୁଲ୍ୟ, ତାଙ୍କର କେଶ କୁଞ୍ଚିତ ଓ ଡାମରାକୁଆ ତୁଲ୍ୟ କୃଷ୍ଣବର୍ଣ୍ଣ ।
\s5
\v 12 ତାଙ୍କର ନେତ୍ରଯୁଗଳ ଜଳସ୍ରୋତ ନିକଟସ୍ଥ କପୋତ ତୁଲ୍ୟ; ଦୁଗ୍‍ଧରେ ଧୌତ ଓ ଯଥା ସ୍ଥାନରେ ସ୍ଥାପିତ ।
\s5
\v 13 ତାଙ୍କର ଗାଲ ସୁଗନ୍ଧି ଲତାର କିଆରି ସ୍ୱରୂପ, ସୁଗନ୍ଧି ତୃଣର ତଟ ସ୍ୱରୂପ; ତାଙ୍କର ଓଷ୍ଠାଧର କଇଁ ଫୁଲ ତୁଲ୍ୟ, ତହିଁରୁ ଦ୍ରବ ଗନ୍ଧରସ କ୍ଷରେ ।
\s5
\v 14 ତାଙ୍କ ହସ୍ତଦ୍ୱୟ ବୈଦୁର୍ଯ୍ୟ ମଣିରେ ଖଚିତ ସୁବର୍ଣ୍ଣ ମୁଦ୍ରିକା ତୁଲ୍ୟ; ତାଙ୍କ ଶରୀର ନୀଳକାନ୍ତ ମଣି-ମଣ୍ଡିତ ଗଜଦନ୍ତମୟ ଶିଳ୍ପକର୍ମ ତୁଲ୍ୟ ।
\s5
\v 15 ତାଙ୍କ ଗୋଡ଼ ଦୁଇଟି ଶୁଦ୍ଧ ସୁବର୍ଣ୍ଣ ଚୁଙ୍ଗିରେ ସ୍ଥାପିତ ମର୍ମର ପ୍ରସ୍ତରର ସ୍ତମ୍ଭ ତୁଲ୍ୟ; ତାଙ୍କର ଦୃଶ୍ୟ ଲିବାନୋନ ସଦୃଶ, ଏରସ ବୃକ୍ଷ ତୁଲ୍ୟ ଉତ୍କୃଷ୍ଟ ।
\s5
\v 16 ତାଙ୍କ ମୁଖ ଅତ୍ୟନ୍ତ ସୁମିଷ୍ଟ; ହଁ, ସେ ସର୍ବତୋଭାବେ ମନୋହର । ହେ ଯିରୁଶାଲମର କନ୍ୟାଗଣ, ଏହି ମୋହର ପ୍ରିୟତମ, ଏହି ମୋହର ସଖା ।
\s5
\c 6
\s ଅନ୍ୟମାନେ
\p
\v 1 ହେ ନାରୀଗଣ ମଧ୍ୟରେ ପରମ ସୁନ୍ଦରୀ, ତୁମ୍ଭର ପ୍ରିୟତମ କେଉଁଆଡ଼େ ଯାଇଅଛନ୍ତି ? ତୁମ୍ଭ ସଙ୍ଗେ ଆମ୍ଭେମାନେ ଯେପରି ଖୋଜି ପାରିବା, ଏଥିପାଇଁ ତୁମ୍ଭ ପ୍ରିୟତମ କେଉଁଆଡେ ଯାଇଛନ୍ତି କୁହ ?
\s ଏକତ୍ର ପ୍ରେମୋଦ୍ୟାନରେ
\s କନ୍ୟା
\p
\s5
\v 2 ମୋହର ପ୍ରିୟତମ ଆପଣା ଉଦ୍ୟାନକୁ, ସୁଗନ୍ଧି ଲତାର କିଆରିକୁ, ଉଦ୍ୟାନସମୂହରେ (ପଲ) ଚରାଇବାକୁ ଓ କଇଁ ଫୁଲ ସଂଗ୍ରହ କରିବାକୁ ଯାଇଅଛନ୍ତି ।
\v 3 ମୁଁ ଆପଣା ପ୍ରିୟତମଙ୍କର ଓ ମୋ' ପ୍ରିୟତମ ମୋହର; ସେ ଶୋଶନ୍‍ ପୁଷ୍ପ ବନରେ ଆପଣା ପଲ ଚରାନ୍ତି ।
\s ପରସ୍ପରଠାରେ ଆନନ୍ଦ
\s ବର
\p
\s5
\v 4 ହେ ମୋହର ପ୍ରିୟେ, ତୁମ୍ଭେ ତିର୍ସା ପରି ସୁନ୍ଦରୀ, ଯିରୁଶାଲମ ପରି ଶୋଭାବତୀ, ଧ୍ୱଜାଧାରୀ ସୈନ୍ୟ ପରି ଭୟଙ୍କରୀ ।
\s5
\v 5 ତୁମ୍ଭେ ମୋ' ଆଡ଼ୁ ଆପଣା ଆଖି ଫେରାଅ, କାରଣ ତଦ୍ଦ୍ୱାରା ମୁଁ ପରାସ୍ତ ହୋଇଅଛି । ତୁମ୍ଭର କେଶ ଗିଲିୟଦ ପାଶ୍ୱର୍ରେ ଆରାମକାରୀ ଛେଳିପଲ ତୁଲ୍ୟ ।
\s5
\v 6 ତୁମ୍ଭର ଦନ୍ତ-ପଂକ୍ତି ସ୍ନାନରୁ ଉତ୍‍ଥିତା ମେଷୀପଲ ତୁଲ୍ୟ; ସେମାନଙ୍କ ପ୍ରତ୍ୟେକର ଯାଆଁଳା ଛୁଆ ଅଛି, ଆଉ ସେମାନଙ୍କ ମଧ୍ୟରୁ କାହାରି ଛୁଆ ମରି ନାହିଁ ।
\v 7 ତୁମ୍ଭ ଓଢ଼ଣା ତଳେ ତୁମ୍ଭର ଗାଲ ଡାଳିମ୍ବଖଣ୍ଡ ସଦୃଶ ।
\s5
\v 8 ଷାଠିଏ ରାଣୀ ଓ ଅଶୀ ଉପପତ୍ନୀ ଓ ଅସଂଖ୍ୟ ଯୁବତୀ ଅଛନ୍ତି ।
\v 9 ମାତ୍ର ମୋ' କପୋତୀ, ମୋ' ଶୁଦ୍ଧମତି ଅଦ୍ୱିତୀୟା; ସେ ଆପଣା ମାତାର ଏକମାତ୍ର; ସେ ଆପଣା ଗର୍ଭଧାରିଣୀର ମନୋନୀତା । କନ୍ୟାମାନେ ତାହାକୁ ଦେଖି ଧନ୍ୟା ବୋଲି କହିଲେ; ହଁ, ରାଣୀ ଓ ଉପପତ୍ନୀଗଣ ତାହାକୁ ପ୍ରଶଂସା କଲେ ।
\s5
\v 10 ଏହି ଯେ ଅରୁଣ ତୁଲ୍ୟ ଉଦୀୟମାନା, ଚନ୍ଦ୍ରମା ତୁଲ୍ୟ ସୁନ୍ଦରୀ, ସୂର୍ଯ୍ୟ ତୁଲ୍ୟ ବିଶୁଦ୍ଧା, ଧ୍ୱଜାବିଶିଷ୍ଟ ସୈନ୍ୟ ତୁଲ୍ୟ ଭୟଙ୍କରୀ, ସେ କିଏ ?
\s କନ୍ୟା
\p
\s5
\v 11 ମୁଁ ଉପତ୍ୟକାର ନବୀନ ବୃକ୍ଷସବୁ ଦେଖିବାକୁ, ଦ୍ରାକ୍ଷାଲତା ପଲ୍ଲବିତ ହୋଇଅଛି କି ନାହିଁ ଓ ଡାଳିମ୍ବ ଫୁଲ ଧରିଅଛି କି ନାହିଁ, ଦେଖିବାକୁ ଆକ୍‍ରୋଟ୍‍ ଉଦ୍ୟାନକୁ ଗଲି ।
\v 12 ମୁଁ ଜ୍ଞାତ ହେବା ପୂର୍ବେ ମୋହର ପ୍ରାଣ ମୋ' ରାଜକୀୟ ଲୋକମାନଙ୍କ ରଥ ମଧ୍ୟରେ ମୋତେ ରଖିଲା ।
\s ଅନ୍ୟମାନେ
\p
\s5
\v 13 ହେ ଶୂଲମିୟେ, ଫେର, ଫେର; ଆମ୍ଭେମାନେ ତୁମ୍ଭକୁ ଦେଖିବା, ଫେର, ଫେର ।
\s ବର
\p ମହନୟିମସ୍ଥ ନୃତ୍ୟକୁ ଯେପରି, ସେପରି କାହିଁକି ତୁମ୍ଭେମାନେ ଶୂଲମିୟାକୁ ଅନାଇବ ?
\s5
\c 7
\p
\v 1 ହେ ରାଜକନ୍ୟେ, ପାଦୁକାରେ ତୁମ୍ଭ ଚରଣ କିପରି ସୁନ୍ଦର । ତୁମ୍ଭର କଟିମଣ୍ଡଳ ନିପୁଣ ଶିଳ୍ପକର ହସ୍ତରେ ନିର୍ମିତ ରତ୍ନହାର ସ୍ୱରୂପ ।
\s5
\v 2 ତୁମ୍ଭର ନାଭିଦେଶ ମିଶ୍ରିତ ଦ୍ରାକ୍ଷାରସ ଅଭାବ ନ ଥିବା ବର୍ତ୍ତୁଳ ତାଟିଆ ତୁଲ୍ୟ; ତୁମ୍ଭର ଉଦର କଇଁ ଫୁଲ-ମଣ୍ଡିତ ଗହମରାଶି ତୁଲ୍ୟ ।
\s5
\v 3 ତୁମ୍ଭର ସ୍ତନଯୁଗଳ ହରିଣୀର ଯାଆଁଳା ଛୁଆ ତୁଲ୍ୟ ।
\v 4 ତୁମ୍ଭର ଗଳଦେଶ ଗଜଦନ୍ତମୟ ଦୁର୍ଗ ସଦୃଶ; ତୁମ୍ଭ ନେତ୍ରଯୁଗଳ ବେଥ୍‍-ରବ୍ବୀମ ନଗରଦ୍ୱାର ନିକଟସ୍ଥ ହିଶ୍‍ବୋନ୍‍ ସରୋବର ସଦୃଶ; ତୁମ୍ଭ ନାସିକା ଦମ୍ମେଶକ ସମ୍ମୁଖସ୍ଥ ଲିବାନୋନର ଦୁର୍ଗ ତୁଲ୍ୟ ।
\s5
\v 5 ତୁମ୍ଭ ମସ୍ତକ କର୍ମିଲ ପର୍ବତ ତୁଲ୍ୟ, ପୁଣି ତୁମ୍ଭ ମସ୍ତକର କେଶ ବାଇଗଣିଆ ରଙ୍ଗ ତୁଲ୍ୟ; ତହିଁର ବେଣୀ-ପାଶରେ ରାଜା ବନ୍ଦୀ ରୂପେ ଧୃତ ଅଟନ୍ତି ।
\v 6 ହେ ପ୍ରିୟେ, ତୁଷ୍ଟି ଜନ୍ମାଇବା ନିମନ୍ତେ ତୁମ୍ଭେ କିପରି ସୁନ୍ଦରୀ ଓ ମନୋହାରିଣୀ !
\s5
\v 7 ତୁମ୍ଭ ଶରୀରର ଦୀର୍ଘତା ଖର୍ଜୂର ବୃକ୍ଷ ତୁଲ୍ୟ ଓ ତୁମ୍ଭ ସ୍ତନ ଦ୍ରାକ୍ଷାଫଳର ପେଣ୍ଡା ତୁଲ୍ୟ ।
\v 8 ମୁଁ କହିଲି, ମୁଁ ଖର୍ଜୂର ବୃକ୍ଷ ଆରୋହଣ କରିବି, ମୁଁ ତହିଁର ବାହୁଙ୍ଗା ଧରିବି: ତୁମ୍ଭ ସ୍ତନ ଦ୍ରାକ୍ଷାଫଳର ପେଣ୍ଡା ତୁଲ୍ୟ ହେଉ; ପୁଣି, ତୁମ୍ଭ ନିଶ୍ୱାସର ଆଘ୍ରାଣ ନାଗରଙ୍ଗ ଫଳର ବାସନା ତୁଲ୍ୟ ହେଉ;
\s5
\v 9 ତୁମ୍ଭର ମୁଖ ସର୍ବୋତ୍ତମ ଦ୍ରାକ୍ଷାରସ ତୁଲ୍ୟ, ତାହା ମୋ' ପ୍ରିୟତମଙ୍କ ଗଳଦେଶରେ ଚିକ୍କଣ ଗଳିଯାଏ, ନିଦ୍ରିତ ଲୋକମାନଙ୍କ ଓଷ୍ଠାଧରରେ ଧୀରେ ଧୀରେ ଚାଲିଯାଏ ।
\s5
\v 10 ମୁଁ ଆପଣା ପ୍ରିୟତମଙ୍କର ଓ ତାଙ୍କର ବାସନା ମୋ' ପ୍ରତି ଅଛି ।
\s କନ୍ୟାର ପ୍ରେମ ପ୍ରଦାନ
\p
\v 11 ଆସ, ମୋ' ପ୍ରିୟତମ, ଆମ୍ଭେମାନେ କ୍ଷେତ୍ରକୁ ଯାଉ; ଆମ୍ଭେମାନେ ପଲ୍ଲୀଗ୍ରାମରେ କାଳକ୍ଷେପଣ କରୁ ।
\s5
\v 12 ଆମ୍ଭେମାନେ ଅତି ପ୍ରଭାତରେ ଦ୍ରାକ୍ଷାକ୍ଷେତ୍ରକୁ ଯାଉ; ଦ୍ରାକ୍ଷାଲତା ପଲ୍ଲବିତ ଓ ତହିଁର ପୁଷ୍ପ ପ୍ରସ୍ପୁଟିତ ଓ ଡାଳିମ୍ବ ପୁଷ୍ପିତ ହୋଇଅଛି କି ନାହିଁ, ତାହା ଦେଖୁ; ସେଠାରେ ମୁଁ ତୁମ୍ଭକୁ ଆପଣା ପ୍ରେମ ପ୍ରଦାନ କରିବି ।
\s5
\v 13 ଦୂଦା ଫୁଲ ସୁବାସ ଦେଉଅଛି, ଆମ୍ଭମାନଙ୍କ ଦ୍ୱାର ନିକଟରେ ସର୍ବପ୍ରକାର ବହୁମୂଲ୍ୟ ନୂତନ ଓ ପୁରାତନ ଫଳ ଅଛି, ପ୍ରିୟତମଙ୍କ ପ୍ରତି ବ୍ୟାକୁଳତା ହେ ମୋହର ପ୍ରିୟତମ, ତାହାସବୁ ମୁଁ ତୁମ୍ଭ ପାଇଁ ରଖିଅଛି ।
\s5
\c 8
\p
\v 1 ଆହା, ଯେ ମୋ' ମାତାଙ୍କର ସ୍ତନ୍ୟ ପାନ କରିଅଛି, ଏପରି ମୋ' ସହୋଦର ତୁଲ୍ୟ ଯେବେ ତୁମ୍ଭେ ହୁଅନ୍ତ ! ତେବେ ମୁଁ ତୁମ୍ଭକୁ ବାହାରେ ଦେଖିଲେ, ତୁମ୍ଭକୁ ଚୁମ୍ବନ ଦିଅନ୍ତି; ଆଉ, କେହି ମୋତେ ତୁଚ୍ଛ କରନ୍ତା ନାହିଁ ।
\s5
\v 2 ମୁଁ ତୁମ୍ଭକୁ ପଥ କଢ଼ାଇ ଆପଣା ମାତାଙ୍କ ଗୃହକୁ ଘେନି ଆସନ୍ତି, ସେ ମୋତେ ଶିକ୍ଷା ଦିଅନ୍ତେ; ମୁଁ ତୁମ୍ଭକୁ ସୁଗନ୍ଧି ମିଶ୍ରିିତ ଦ୍ରାକ୍ଷାରସ, ମୋହର ଡାଳିମ୍ବରସ ପାନ କରାନ୍ତି ।
\v 3 ତାଙ୍କ ବାମ ହସ୍ତ ମୋ' ମସ୍ତକ ତଳେ ରହିବ ଓ ତାଙ୍କ ଡାହାଣ ହସ୍ତ ମୋତେ ଆଲିଙ୍ଗନ କରିବ ।
\s5
\v 4 ହେ ଯିରୁଶାଲମର କନ୍ୟାଗଣ, ମୁଁ ତୁମ୍ଭମାନଙ୍କୁ ଶପଥ ଦେଉଅଛି ଯେ, ପ୍ରେମର ବାସନା ନୋହିବା ପର୍ଯ୍ୟନ୍ତ ତୁମ୍ଭେମାନେ ପ୍ରେମକୁ ଜଗାଅ ନାହିଁ, କି ଉତ୍ତେଜିତ କର ନାହିଁ ।
\s ଅନ୍ୟମାନେ
\p
\s5
\v 5 ଆପଣା ପ୍ରିୟତମଙ୍କ ଉପରେ ଆଉଜି ପଡ଼ି ପ୍ରାନ୍ତରରୁ ଆସୁଅଛି ଯେ, ସେ କିଏ ? ନାଗରଙ୍ଗ ବୃକ୍ଷ ତଳେ ମୁଁ ତୁମ୍ଭକୁ ଜଗାଇଲି; ସେଠାରେ ତୁମ୍ଭ ମାତା ତୁମ୍ଭ ପାଇଁ ପ୍ରସବ ବେଦନାଗ୍ରସ୍ତା ହେଲେ, ସେଠାରେ ସେ ପ୍ରସବ ବେଦନାଗ୍ରସ୍ତା ହୋଇ ତୁମ୍ଭକୁ ପ୍ରସବ କଲେ ।
\s କନ୍ୟା
\p
\s5
\v 6 ତୁମ୍ଭେ ମୋତେ ମୋହର ତୁଲ୍ୟ ଆପଣା ହୃଦୟରେ, ମୋହର ତୁଲ୍ୟ ଆପଣା ବାହୁରେ ଧାରଣ କର; କାରଣ ପ୍ରେମ ମୃତ୍ୟୁ ପରି ବଳବାନ୍; ଅନ୍ତର୍ଜ୍ୱାଳା ପାତାଳ ପରି ଦୃଢ଼; ତହିଁର ଶିଖା ଅଗ୍ନିଶିଖା, ଅତି ଭୟଙ୍କର ଅଗ୍ନିଶିଖା ।
\s5
\v 7 ଅପାର ଜଳରାଶି ପ୍ରେମକୁ ନିର୍ବାଣ କରି ନ ପାରେ, କିଅବା ବଢ଼ି ତାହା ବୁଡ଼ାଇ ନ ପାରେ; ଯଦି କେହି ପ୍ରେମ ନିମନ୍ତେ ଆପଣା ଗୃହର ସର୍ବସ୍ୱ ଦେବ, ତେବେ ସେ ଲୋକ ନିତାନ୍ତ ତୁଚ୍ଛୀକୃତ ହେବ ।
\s ଶେଷ ପରାମର୍ଶ
\s ଅନ୍ୟମାନେ
\p
\s5
\v 8 ଆମ୍ଭମାନଙ୍କର ଗୋଟିଏ ସାନ ଭଗିନୀ ଅଛି, ତାହାର ସ୍ତନ ହୋଇ ନାହିଁ; ଲୋକେ ଆମ୍ଭମାନଙ୍କ ଭଗିନୀକି ମାଗିବା ଦିନରେ ଆମ୍ଭେମାନେ ତାହା ପାଇଁ କଅଣ କରିବା ?
\s5
\v 9 ଯଦି ସେ ପ୍ରାଚୀର ସ୍ୱରୂପା ହୁଏ, ତେବେ ଆମ୍ଭେମାନେ ତାହା ଉପରେ ରୂପାର ଦୁର୍ଗ ନିର୍ମାଣ କରିବା; ଆଉ, ଯଦି ସେ ଦ୍ୱାର ସ୍ୱରୂପା ହୁଏ, ତେବେ ଆମ୍ଭେମାନେ ଏରସ ପଟାରେ ତାହାକୁ ଆବରଣ କରିବା ।
\s କନ୍ୟା
\p
\s5
\v 10 ମୁଁ ପ୍ରାଚୀର ସ୍ୱରୂପା ଓ ମୋହର ସ୍ତନ ତହିଁର ଦୁର୍ଗ ସ୍ୱରୂପ; ସେହି ସମୟରେ ତାଙ୍କ ଦୃଷ୍ଟିରେ ମୁଁ ଶାନ୍ତିପ୍ରାପ୍ତାର ତୁଲ୍ୟ ଥିଲି ।
\s5
\v 11 ବାଲ-ହାମୋନରେ ଶଲୋମନଙ୍କର ଏକ ଦ୍ରାକ୍ଷାକ୍ଷେତ୍ର ଥିଲା; ସେ ରକ୍ଷକମାନଙ୍କୁ ତାହା ଭଡ଼ା ଦେଇଥିଲେ; ପ୍ରତ୍ୟେକ ରକ୍ଷକକୁ ତହିଁର ଫଳ ପାଇଁ ଏକ ଏକ ସହସ୍ର ରୂପା ମୁଦ୍ରା ଦେବାକୁ ପଡ଼ିଲା ।
\v 12 ମୋହର ଦ୍ରାକ୍ଷାକ୍ଷେତ୍ର ମୋ' ସମ୍ମୁଖରେ ଅଛି; ହେ ଶଲୋମନ, ସେହି ସହସ୍ର ମୁଦ୍ରା ତୁମ୍ଭେ ପାଇବ ଓ ତହିଁର ଫଳରକ୍ଷକମାନେ ଦୁଇ ଶତ ମୁଦ୍ରା ପାଇବେ ।
\s ବର
\p
\s5
\v 13 ହେ ଉପବନବାସିନୀ, ମିତ୍ରଗଣ ତୁମ୍ଭର ରବ ଶୁଣନ୍ତି; ତାହା ମୋତେ ଶ୍ରବଣ କରାଅ ।
\s କନ୍ୟା
\p
\s5
\v 14 ହେ ମୋହର ପ୍ରିୟତମ, ଚଞ୍ଚଳ ହୁଅ, ସୁଗନ୍ଧିମୟ ପର୍ବତଶ୍ରେଣୀ ଉପରେ ତୁମ୍ଭେ ମୃଗ ବା ହରିଣଶାବକ ତୁଲ୍ୟ ହୁଅ ।

2344
23-ISA.usfm Normal file
View File

@ -0,0 +1,2344 @@
\id ISA
\ide UTF-8
\sts - Odia Old Version Revision
\rem Copyright Information: Creative Commons Attribution- ShareAlike 4.0 License
\h ଯିଶାଇୟ ଭବିଷ୍ୟଦ୍‍ବକ୍ତାଙ୍କର ପୁସ୍ତକ
\toc1 ଯିଶାଇୟ
\toc2 ଯିଶାଇୟ
\toc3 isa
\mt1 ଯିଶାଇୟ ଭବିଷ୍ୟଦ୍‍ବକ୍ତାଙ୍କର ପୁସ୍ତକ
\s5
\c 1
\p
\v 1 ଆମୋସର ପୁତ୍ର ଯିଶାଇୟଙ୍କର ଦର୍ଶନ, ସେ ଯିହୁଦା ରାଜଗଣ ଉଷିୟ, ଯୋଥମ୍‍, ଆହସ୍‌ ଓ ହିଜକୀୟର ଅଧିକାର ସମୟରେ ଯିହୁଦା ଓ ଯିରୂଶାଲମ ବିଷୟରେ ଏହି ଦର୍ଶନ ପାଇଲେ ।
\s ଈଶ୍ୱରଙ୍କ ଅନୁଯୋଗ
\p
\s5
\v 2 ହେ ଆକାଶମଣ୍ଡଳ, ଶୁଣ, ହେ ପୃଥିବୀ, କର୍ଣ୍ଣପାତ କର, କାରଣ ସଦାପ୍ରଭୁ କହିଅଛନ୍ତି; ଆମ୍ଭେ ସନ୍ତାନଗଣକୁ ପ୍ରତିପାଳନ ଓ ଭରଣପୋଷଣ କରିଅଛୁ, ମାତ୍ର ସେମାନେ ଆମ୍ଭର ବିଦ୍ରୋହାଚରଣ କରିଅଛନ୍ତି ।
\v 3 ଗୋରୁ ଆପଣା ଖାଉନ୍ଦକୁ ଓ ଗର୍ଦ୍ଦଭ ଆପଣା କର୍ତ୍ତାର କୁଣ୍ଡକୁ ଚିହ୍ନେ; ମାତ୍ର ଇସ୍ରାଏଲ ଜାଣେ ନାହିଁ, ଆମ୍ଭର ଲୋକମାନେ ବିବେଚନା କରନ୍ତି ନାହିଁ ।
\s5
\v 4 ଆହା ପାପିଷ୍ଠ ଗୋଷ୍ଠୀ, ଅଧର୍ମରେ ଭାରଗ୍ରସ୍ତ ଲୋକେ, ଦୁଷ୍କର୍ମକାରୀମାନଙ୍କ ବଂଶ, ଭ୍ରଷ୍ଟାଚାରୀ ସନ୍ତାନଗଣ ! ସେମାନେ ସଦାପ୍ରଭୁଙ୍କୁ ପରିତ୍ୟାଗ କରିଅଛନ୍ତି, ସେମାନେ ଇସ୍ରାଏଲର ଧର୍ମସ୍ୱରୂପଙ୍କୁ ଅବଜ୍ଞା କରିଅଛନ୍ତି, ସେମାନେ ବିମୁଖ ହୋଇ ପଛକୁ ଚାଲି ଯାଇଅଛନ୍ତି ।
\s5
\v 5 ତୁମ୍ଭେମାନେ ଅଧିକ ଅଧିକ ବିଦ୍ରୋହାଚରଣ କରିବା ପାଇଁ କାହିଁକି ଆହୁରି ପ୍ରହାରିତ ହେବ ? ମସ୍ତକଯାକ ପୀଡ଼ିତ ଓ ସମୁଦାୟ ହୃଦୟ ଦୁର୍ବଳ ହୋଇଅଛି ।
\v 6 ପାଦର ତଳଠାରୁ ମସ୍ତକ ପର୍ଯ୍ୟନ୍ତ କିଛି ସ୍ୱାସ୍ଥ୍ୟ ନାହିଁ; କେବଳ କ୍ଷତ, ଦାଗ ଓ ପୂଜପୂର୍ଣ୍ଣ ଘା; ସେସବୁ ଟିପା କିମ୍ବା ବନ୍ଧା ଯାଇ ନାହିଁ, କିଅବା ତୈଳ ଦ୍ୱାରା କୋମଳ କରାଯାଇ ନାହିଁ ।
\s5
\v 7 ତୁମ୍ଭମାନଙ୍କର ଦେଶ ଧ୍ୱଂସସ୍ଥାନ; ତୁମ୍ଭମାନଙ୍କର ନଗରସବୁ ଅଗ୍ନିରେ ଦଗ୍ଧ; ତୁମ୍ଭମାନଙ୍କର ଭୂମି ବିଦେଶୀମାନେ ତୁମ୍ଭମାନଙ୍କର ସାକ୍ଷାତରେ ଗ୍ରାସ କରନ୍ତି, ତାହା ବିଦେଶୀମାନଙ୍କ ଦ୍ୱାରା ବିନଷ୍ଟ ହେବା ତୁଲ୍ୟ ଧ୍ୱଂସସ୍ଥାନ ହୋଇଅଛି ।
\v 8 ପୁଣି, ସିୟୋନର କନ୍ୟା ଦ୍ରାକ୍ଷାକ୍ଷେତ୍ରର କୁଟୀର, କାକୁଡ଼ିକ୍ଷେତ୍ରର ବସା, ଅବରୁଦ୍ଧ ନଗର ତୁଲ୍ୟ ହୋଇ ରହିଅଛି ।
\s5
\v 9 ସୈନ୍ୟାଧିପତି ସଦାପ୍ରଭୁ ଆମ୍ଭମାନଙ୍କ ପାଇଁ ଅତି ଅଳ୍ପ ଲୋକ ଅବଶିଷ୍ଟ ରଖି ନ ଥିଲେ, ଆମ୍ଭେମାନେ ସଦୋମର ତୁଲ୍ୟ ହୋଇଥା'ନ୍ତୁ, ଆମ୍ଭେମାନେ ହମୋରାର ତୁଲ୍ୟ ହୋଇଥା'ନ୍ତୁ ।
\s5
\v 10 ହେ ସଦୋମର ଶାସନକର୍ତ୍ତାମାନେ, ସଦାପ୍ରଭୁଙ୍କର ବାକ୍ୟ ଶୁଣ, ହେ ହମୋରାର ଲୋକମାନେ, ତୁମ୍ଭେମାନେ ଆମ୍ଭମାନଙ୍କ ପରମେଶ୍ୱରଙ୍କ ବ୍ୟବସ୍ଥାରେ କର୍ଣ୍ଣପାତ କର ।
\v 11 ସଦାପ୍ରଭୁ କହନ୍ତି, "ଆମ୍ଭ ଉଦ୍ଦେଶ୍ୟରେ ତୁମ୍ଭମାନଙ୍କ ଅପାର ବଳିଦାନର ଅଭିପ୍ରାୟ କଅଣ ?" "ଆମ୍ଭେ ମେଷଗଣର ହୋମବଳିରେ ଓ ପୁଷ୍ଟ ପଶୁଗଣର ମେଦରେ ପୂର୍ଣ୍ଣ ହୋଇଅଛୁ; ପୁଣି, ବୃଷ କିମ୍ବା ମେଷ କିମ୍ବା ଛାଗଳମାନଙ୍କ ରକ୍ତରେ ଆମ୍ଭର ତୁଷ୍ଟି ନାହିଁ ।
\s5
\v 12 ତୁମ୍ଭେମାନେ ଆମ୍ଭ ସମ୍ମୁଖରେ ଉପସ୍ଥିତ ହେବା ବେଳେ ଆମ୍ଭର ପ୍ରାଙ୍ଗଣସକଳ ପଦ ତଳେ ଦଳିବା ପାଇଁ କିଏ ତୁମ୍ଭମାନଙ୍କଠାରୁ ଚାହିଁଅଛି ?
\v 13 ଅସାର ନୈବେଦ୍ୟ ଆଉ ଆଣ ନାହିଁ; ଧୂପଦାହ ଆମ୍ଭର ଘୃଣିତ; ଅମାବାସ୍ୟା ଓ ବିଶ୍ରାମବାର, ସଭାର ଘୋଷଣା ଏହି ଅଧର୍ମ ଓ ମହାସଭା ଆମ୍ଭେ ସହି ପାରୁ ନାହୁଁ ।
\s5
\v 14 ଆମ୍ଭ ପ୍ରାଣ ତୁମ୍ଭମାନଙ୍କର ଅମାବାସ୍ୟା ଓ ନିରୂପିତ ପର୍ବସବୁ ଘୃଣା କରେ; ସେହିସବୁ ଆମ୍ଭ ପ୍ରତି କ୍ଲେଶକର; ଆମ୍ଭେ ସେସବୁ ବହିବାକୁ କ୍ଳାନ୍ତ ହୋଇଅଛୁ ।
\v 15 ପୁଣି, ତୁମ୍ଭେମାନେ ଆପଣାମାନଙ୍କର ହସ୍ତ ପ୍ରସାର କଲା ବେଳେ ଆମ୍ଭେ ତୁମ୍ଭମାନଙ୍କଠାରୁ ଆପଣା ଚକ୍ଷୁ ଆଚ୍ଛାଦନ କରିବା; ଆହୁରି, ତୁମ୍ଭେମାନେ ଅନେକ ପ୍ରାର୍ଥନା କଲା ବେଳେ ଆମ୍ଭେ ଶୁଣିବା ନାହିଁ । ତୁମ୍ଭମାନଙ୍କ ହସ୍ତ ରକ୍ତରେ ପରିପୂର୍ଣ୍ଣ ।
\s5
\v 16 ତୁମ୍ଭେମାନେ ଆପଣାମାନଙ୍କୁ ଧୌତ କର, ଆପଣାମାନଙ୍କୁ ଶୁଚି କର; ଆମ୍ଭ ଦୃଷ୍ଟିରୁ ଆପଣାମାନଙ୍କର କ୍ରିୟାର ମନ୍ଦତା ଦୂର କର; କୁକ୍ରିୟା କରିବାରୁ ନିବୃତ୍ତ ହୁଅ;
\v 17 ସୁକ୍ରିୟା କରିବାକୁ ଶିଖ; ନ୍ୟାୟବିଚାର ଚେଷ୍ଟା କର, ଉପଦ୍ରବଗ୍ରସ୍ତମାନଙ୍କର ସାହାଯ୍ୟ କର, ପିତୃହୀନମାନଙ୍କର ନ୍ୟାୟ ବିଚାର କର, ବିଧବାମାନଙ୍କ ପକ୍ଷରେ ପ୍ରତିବାଦ କର ।"
\s5
\v 18 ସଦାପ୍ରଭୁ କହନ୍ତି, ଆସ, ଆମ୍ଭେମାନେ ଉତ୍ତର ପ୍ରତ୍ୟୁତ୍ତର କରୁ; ତୁମ୍ଭମାନଙ୍କର ପାପସବୁ ସିନ୍ଦୂରବର୍ଣ୍ଣ ପରି ହେଲେ ହେଁ ହିମ ପରି ଶୁକ୍ଳବର୍ଣ୍ଣ ହେବ; ସେସବୁ ଲୋହିତବର୍ଣ୍ଣ ପରି ରଙ୍ଗ ହେଲେ ହେଁ ମେଷଲୋମ ପରି ହେବ ।
\s5
\v 19 ଯଦି ତୁମ୍ଭେମାନେ ସମ୍ମତ ଓ ଆଜ୍ଞାବହ ହେବ, ତେବେ ଦେଶର ଉତ୍ତମ ଫଳ ଭୋଗ କରିବ ।
\v 20 ମାତ୍ର ଯଦି ତୁମ୍ଭେମାନେ ଅସମ୍ମତ ଓ ବିରୁଦ୍ଧାଚାରୀ ହେବ, ତେବେ ଖଡ଼୍‍ଗଭୁକ୍ତ ହେବ; କାରଣ ସଦାପ୍ରଭୁଙ୍କ ମୁଖ ଏହା କହିଅଛି ।
\s ପାପପୂର୍ଣ୍ଣ ନଗରୀ
\p
\s5
\v 21 ସତୀ ନଗରୀ କିପରି ବେଶ୍ୟା ହୋଇଅଛି ! ସେ ନ୍ୟାୟବିଚାରରେ ପୂର୍ଣ୍ଣା ଥିଲା । ଧର୍ମ ତାହା ମଧ୍ୟରେ ବାସ କଲା, ମାତ୍ର ଏବେ ହତ୍ୟାକାରୀମାନେ ଅଛନ୍ତି ।
\v 22 ତୁମ୍ଭର ରୂପା ଖାଦ ହୋଇଅଛି, ତୁମ୍ଭର ଦ୍ରାକ୍ଷାରସ ଜଳମିଶ୍ରିତ ହୋଇଅଛି ।
\s5
\v 23 ତୁମ୍ଭର ଅଧିପତିମାନେ ବିଦ୍ରୋହୀ ଓ ଚୋରମାନଙ୍କର ସଖା; ପ୍ରତ୍ୟେକେ ଲାଞ୍ଚ ଭଲ ପା'ନ୍ତି ଓ ପାରିତୋଷିକର ପଶ୍ଚାଦ୍‍ବର୍ତ୍ତୀ ହୁଅନ୍ତି; ସେମାନେ ପିତୃହୀନମାନଙ୍କର ବିଚାର କରନ୍ତି ନାହିଁ, କିଅବା ବିଧବାର ଗୁହାରି ସେମାନଙ୍କ ନିକଟକୁ ଆସେ ନାହିଁ ।
\s5
\v 24 ଏହେତୁ ପ୍ରଭୁ, ସୈନ୍ୟାଧିପତି ସଦାପ୍ରଭୁ, ଇସ୍ରାଏଲର ବଳଦାତା କହନ୍ତି, ଆଃ, ଆମ୍ଭେ ଆପଣା ବିପକ୍ଷଗଣ ବିଷୟରେ ଆରାମ ପାଇବା ଓ ଆମ୍ଭେ ଆପଣା ଶତ୍ରୁଗଣଠାରୁ ପରିଶୋଧ ନେବା;
\v 25 ପୁଣି, ଆମ୍ଭେ ତୁମ୍ଭଆଡ଼େ ଆପଣା ହସ୍ତ ଫେରାଇ ତୁମ୍ଭର ଖାଦ ସମ୍ପୂର୍ଣ୍ଣ ରୂପେ ପରିଷ୍କାର କରିବା ଓ ତୁମ୍ଭର ସୀସାସବୁ କାଢ଼ି ନେବା;
\s5
\v 26 ଆଉ, ଆମ୍ଭେ ପୂର୍ବ କାଳ ପରି ତୁମ୍ଭର ବିଚାର-କର୍ତ୍ତୃଗଣଙ୍କୁ ଓ ଆଦ୍ୟ ସମୟ ପରି ତୁମ୍ଭ ମନ୍ତ୍ରୀଗଣଙ୍କୁ ପୁନଃସ୍ଥାପନ କରିବା; ତହିଁ ଉତ୍ତାରୁ ତୁମ୍ଭେ ଧର୍ମପୁରୀ, ସତୀ ନଗରୀ ବୋଲି ବିଖ୍ୟାତ ହେବ ।
\s5
\v 27 ସିୟୋନ ନ୍ୟାୟବିଚାର ଦ୍ୱାରା ଓ ତାହାର ଫେରି ଆସିବା ଲୋକମାନେ ଧାର୍ମିକତା ଦ୍ୱାରା ମୁକ୍ତି ପାଇବେ ।
\v 28 ମାତ୍ର ଅଧର୍ମାଚାରୀ ଓ ପାପୀମାନେ ଏକତ୍ର ବିନଷ୍ଟ ହେବେ ଓ ଯେଉଁମାନେ ସଦାପ୍ରଭୁଙ୍କୁ ପରିତ୍ୟାଗ କରନ୍ତି, ସେମାନେ ସଂହାରିତ ହେବେ ।
\s5
\v 29 କାରଣ ସେମାନେ ତୁମ୍ଭମାନଙ୍କର ବାଞ୍ଛିତ ଅଲୋନ୍‍ ବୃକ୍ଷ ବିଷୟରେ ଲଜ୍ଜିତ ହେବେ, ପୁଣି, ତୁମ୍ଭେମାନେ ଆପଣାମାନଙ୍କର ମନୋନୀତ ଉଦ୍ୟାନସକଳର ବିଷୟରେ ହତାଶ ହେବ ।
\v 30 ଯେହେତୁ ତୁମ୍ଭେମାନେ ଶୁଷ୍କପତ୍ର ଅଲୋନ୍‍ ବୃକ୍ଷ ଓ ନିର୍ଜଳ ଉଦ୍ୟାନ ତୁଲ୍ୟ ହେବ ।
\s5
\v 31 ପୁଣି, ବଳବାନ ଲୋକ ଛଣପଟ ପରି ଓ ତାହାର କର୍ମ ଅଗ୍ନିକଣା ପରି ହେବ; ସେ ଦୁଇ ଏକତ୍ର ଜ୍ୱଳିବ ଓ କେହି ତାହା ଲିଭାଇବ ନାହିଁ ।
\s5
\c 2
\s ସ୍ଥାୟୀ ଶାନ୍ତି
\p
\v 1 ଆମୋସର ପୁତ୍ର ଯିଶାଇୟ, ଯିହୁଦା ଓ ଯିରୂଶାଲମ ବିଷୟରେ ଯେଉଁ ଦର୍ଶନ ପାଇଲେ, ତହିଁର ବୃତ୍ତାନ୍ତ ।
\v 2 ଶେଷ କାଳରେ ଏରୂପ ଘଟିବ, ସଦାପ୍ରଭୁଙ୍କ ଗୃହର ପର୍ବତ, ପର୍ବତଗଣର ଶିଖର ଉପରେ ସ୍ଥାପିତ ହେବ ଓ ଉପପର୍ବତଗଣ ଅପେକ୍ଷା ଉଚ୍ଚୀକୃତ ହେବ; ଆଉ, ସମୁଦାୟ ଗୋଷ୍ଠୀ ସ୍ରୋତ ପରି ତହିଁ ମଧ୍ୟକୁ ବହି ଆସିବେ ।
\s5
\v 3 ପୁଣି, ଅନେକ ଗୋଷ୍ଠୀ ଯାଉ ଯାଉ କହିବେ, "ତୁମ୍ଭେମାନେ ଆସ, ଆମ୍ଭେମାନେ ସଦାପ୍ରଭୁଙ୍କ ପର୍ବତକୁ, ଯାକୁବର ପରମେଶ୍ୱରଙ୍କ ଗୃହକୁ ଯାଉ; ତହିଁରେ ସେ ଆପଣା ପଥ ବିଷୟ ଆମ୍ଭମାନଙ୍କୁ ଶିକ୍ଷା ଦେବେ ଓ ଆମ୍ଭେମାନେ ତାହାଙ୍କ ମାର୍ଗରେ ଗମନ କରିବା ।" କାରଣ ସିୟୋନଠାରୁ ବ୍ୟବସ୍ଥା ଓ ଯିରୂଶାଲମଠାରୁ ସଦାପ୍ରଭୁଙ୍କର ବାକ୍ୟ ନିର୍ଗତ ହେବ ।
\s5
\v 4 ପୁଣି, ସେ ଦେଶୀୟମାନଙ୍କ ମଧ୍ୟରେ ବିଚାର କରିବେ ଓ ଅନେକ ଗୋଷ୍ଠୀ ସମ୍ବନ୍ଧରେ ନିଷ୍ପତ୍ତି କରିବେ; ତହିଁରେ ସେମାନେ ଆପଣା ଖଡ଼୍‍ଗ ଭାଙ୍ଗି ଲଙ୍ଗଳର ଫାଳ କରିବେ ଓ ଆପଣା ଆପଣା ବର୍ଚ୍ଛା ଭାଙ୍ଗି ଦାଆ ନିର୍ମାଣ କରିବେ; ଏକ ଦେଶୀୟ ଲୋକେ ଅନ୍ୟ ଦେଶୀୟ ଲୋକଙ୍କ ବିରୁଦ୍ଧରେ ଖଡ଼୍‍ଗ ଉଠାଇବେ ନାହିଁ, କିଅବା ସେମାନେ ଆଉ ଯୁଦ୍ଧ ଶିଖିବେ ନାହିଁ ।
\s5
\v 5 ହେ ଯାକୁବ ବଂଶ, ଆସ, ଆମ୍ଭେମାନେ ସଦାପ୍ରଭୁଙ୍କ ଦୀପ୍ତିରେ ଗମନ କରୁ ।
\s ସଦାପ୍ରଭୁଙ୍କ ଦିନ
\p
\v 6 କାରଣ ତୁମ୍ଭେ ଆପଣା ଲୋକ ଯାକୁବ ବଂଶକୁ ପରିତ୍ୟାଗ କରିଅଛ, ଯେହେତୁ ସେମାନେ ପୂର୍ବଦେଶୀୟ ଆଚାରରେ ପରିପୂର୍ଣ୍ଣ ଓ ପଲେଷ୍ଟୀୟମାନଙ୍କ ନ୍ୟାୟ ଗଣକ ହୋଇଅଛନ୍ତି, ପୁଣି, ସେମାନେ ବିଦେଶୀୟ ସନ୍ତାନଗଣ ସହିତ ହସ୍ତ ତାଳି ଦିଅନ୍ତି ।
\s5
\v 7 ସେମାନଙ୍କ ଦେଶ ମଧ୍ୟ ରୂପା ଓ ସୁନାରେ ପରିପୂର୍ଣ୍ଣ; ସେମାନଙ୍କ ଧନର ସୀମା ନାହିଁ; ଆହୁରି, ସେମାନଙ୍କ ଦେଶ ଅଶ୍ୱରେ ପରିପୂର୍ଣ୍ଣ ଓ ସେମାନଙ୍କ ରଥର ସୀମା ନାହିଁ ।
\v 8 ସେମାନଙ୍କ ଦେଶ ମଧ୍ୟ ପ୍ରତିମାରେ ପରିପୂର୍ଣ୍ଣ; ସେମାନେ ଆପଣାମାନଙ୍କ ଅଙ୍ଗୁଳିନିର୍ମିତ ସ୍ୱହସ୍ତକୃତ ବସ୍ତୁକୁ ପ୍ରଣାମ କରନ୍ତି ।
\s5
\v 9 ସାମାନ୍ୟ ଲୋକ ଅଧୋମୁଖ ଓ ମହାନ ଲୋକ ନତ ହୁଏ; ଏହେତୁ ସେମାନଙ୍କୁ କ୍ଷମା କର ନାହିଁ ।
\v 10 ତୁମ୍ଭେ ସଦାପ୍ରଭୁଙ୍କ ଭୟାନକତ୍ତ୍ୱ ଓ ତାହାଙ୍କ ମହିମାର ତେଜରୁ, ଶୈଳରେ ପ୍ରବେଶ କରି ଧୂଳିରେ ଆପଣାକୁ ଲୁଚାଅ ।
\v 11 ମନୁଷ୍ୟର ଉଚ୍ଚ ଦୃଷ୍ଟି ନତ ହେବ ଓ ମନୁଷ୍ୟମାନଙ୍କର ଅହଙ୍କାର ଅବନତ ହେବ, ପୁଣି, ସେଦିନରେ କେବଳ ସଦାପ୍ରଭୁ ଉନ୍ନତ ହେବେ ।
\s5
\v 12 କାରଣ ଅହଙ୍କାରୀ, ଗର୍ବିତ ଓ ଉଚ୍ଚୀକୃତ ସମସ୍ତଙ୍କ ପ୍ରତିକୂଳରେ ସୈନ୍ୟାଧିପତି ସଦାପ୍ରଭୁଙ୍କର ଏକ ଦିନ ଉପସ୍ଥିତ ହେବ, ତହିଁରେ ତାହା ନତ ହେବ;
\v 13 ଅର୍ଥାତ୍‍, (ସେଦିନ) ଲିବାନୋନର ଉଚ୍ଚ ଓ ଉନ୍ନତ ସକଳ ଏରସ ବୃକ୍ଷର ପ୍ରତିକୂଳ ଓ ବାଶନର ସମସ୍ତ ଅଲୋନ୍‍ ବୃକ୍ଷର ପ୍ରତିକୂଳ;
\s5
\v 14 ପୁଣି, ସକଳ ଉଚ୍ଚ ପର୍ବତର ପ୍ରତିକୂଳ ଓ ସକଳ ଉନ୍ନତ ଉପପର୍ବତର ପ୍ରତିକୂଳ;
\v 15 ଆଉ, ପ୍ରତ୍ୟେକ ଉଚ୍ଚ ଦୁର୍ଗର ପ୍ରତିକୂଳ ଓ ପ୍ରତ୍ୟେକ ସୁଦୃଢ଼ ପ୍ରାଚୀରର ପ୍ରତିକୂଳ;
\v 16 ତର୍ଶୀଶ୍‍ର ସକଳ ଜାହାଜର ପ୍ରତିକୂଳ ଓ ମନୋହର ସକଳ ଶିଳ୍ପକର୍ମର ପ୍ରତିକୂଳ ହେବ ।
\s5
\v 17 ପୁଣି, ମନୁଷ୍ୟର ଉଚ୍ଚତା ନତ ହେବ ଓ ମନୁଷ୍ୟମାନଙ୍କର ଅହଙ୍କାର ଅବନତ ହେବ; ଆଉ ସେଦିନରେ କେବଳ ସଦାପ୍ରଭୁ ଉନ୍ନତ ହେବେ ।
\v 18 ପୁଣି, ପ୍ରତିମାସକଳ ନିଃଶେଷ ରୂପେ ଲୁପ୍ତ ହେବେ ।
\v 19 ଆଉ, ଯେତେବେଳେ ସଦାପ୍ରଭୁ ପୃଥିବୀକୁ ଅତିଶୟ କମ୍ପିତ କରିବାକୁ ଉଠିବେ, ସେତେବେଳେ ଲୋକମାନେ ତାହାଙ୍କ ଭୟାନକତ୍ତ୍ୱ ଓ ମହିମାର ତେଜରୁ ଶୈଳର ଗୁମ୍ଫା ଓ ପୃଥିବୀର ଗର୍ତ୍ତରେ ପ୍ରବେଶ କରିବେ ।
\s5
\v 20 ସଦାପ୍ରଭୁ ପୃଥିବୀକୁ ଅତିଶୟ କମ୍ପିତ କରିବା ପାଇଁ ଉଠିଲେ, ତାହାଙ୍କ ଭୟାନକତ୍ତ୍ୱ ଓ ତାହାଙ୍କ ମହିମାର ତେଜରୁ ଶୈଳର ଗହ୍ୱର ଓ ଶୈଳର ବିଦୀର୍ଣ୍ଣ ସ୍ଥାନରେ ପ୍ରବେଶ କରିବା ପାଇଁ;
\v 21 ମନୁଷ୍ୟ ଆପଣାର ଭଜନାର୍ଥେ ନିର୍ମିତ ରୌପ୍ୟମୟ ପ୍ରତିମା ଓ ସ୍ୱର୍ଣ୍ଣମୟ ପ୍ରତିମାଗଣକୁ ସେଦିନ ମୂଷିକ ଓ ଚାମଚିକାଗଣର ନିକଟରେ ପକାଇ ଦେବ ।
\v 22 ତୁମ୍ଭେମାନେ ନାସାଗ୍ରେ ପ୍ରାଣବାୟୁଧାରୀ ମନୁଷ୍ୟର (ଆଶ୍ରୟରୁ) କ୍ଷାନ୍ତ ହୁଅ; କାରଣ ସେ କାହା ମଧ୍ୟରେ ଗଣ୍ୟ ?
\s5
\c 3
\s ଯିହୁଦା ଓ ଯିରୂଶାଲମର ଶାସ୍ତି
\p
\v 1 ଦେଖ, ପ୍ରଭୁ, ସୈନ୍ୟାଧିପତି ସଦାପ୍ରଭୁ ଯିରୂଶାଲମ ଓ ଯିହୁଦାଠାରୁ ଯଷ୍ଟି ଓ ଯଷ୍ଟିକା, ଅର୍ଥାତ୍‍, ଅନ୍ନ ସ୍ୱରୂପ ସମସ୍ତ ଯଷ୍ଟି ଓ ଜଳ ସ୍ୱରୂପ ସମସ୍ତ ଯଷ୍ଟିକା ଦୂର କରୁଅଛନ୍ତି;
\v 2 ବୀର, ଯୋଦ୍ଧା; ବିଚାରକର୍ତ୍ତା, ଭବିଷ୍ୟଦ୍‍ବକ୍ତା, ମନ୍ତ୍ରଜ୍ଞ, ପ୍ରାଚୀନ;
\v 3 ପଚାଶପତି, ସମ୍ଭ୍ରାନ୍ତ ମନୁଷ୍ୟ, ମନ୍ତ୍ରୀ, ନିପୁଣ ଶିଳ୍ପକର ଓ ନିପୁଣ ଶୁଭାଶୁଭବାଦୀ (ଦୂରୀକୃତ ହେବେ) ।
\s5
\v 4 "ଆମ୍ଭେ ବାଳକମାନଙ୍କୁ ସେମାନଙ୍କର ଅଧିପତି କରିବା ଓ ଶିଶୁମାନେ ସେମାନଙ୍କ ଉପରେ ଶାସନ କରିବେ ।
\v 5 ଆଉ, ଲୋକମାନେ ଏକ ଜଣ ଅନ୍ୟ ଜଣ ଦ୍ୱାରା ଓ ପ୍ରତ୍ୟେକ ଲୋକ ଆପଣା ପ୍ରତିବାସୀ ଦ୍ୱାରା ଉପଦ୍ରୁତ ହେବେ; ବାଳକ ପ୍ରାଚୀନଙ୍କ ବିରୁଦ୍ଧରେ ଓ ଅଧମ ଲୋକ ସମ୍ଭ୍ରାନ୍ତ ଲୋକ ବିରୁଦ୍ଧରେ ଗର୍ବାଚରଣ କରିବ ।
\s5
\v 6 କେହି କେହି ଆପଣା ଭ୍ରାତାକୁ ତାହାର ପିତୃଗୃହରେ ଧରି କହିବେ, ତୁମ୍ଭର ବସ୍ତ୍ର ଅଛି, ତୁମ୍ଭେ ଆମ୍ଭମାନଙ୍କର ଶାସନକର୍ତ୍ତା ହୁଅ, ପୁଣି, ଏହି ନିପତିତ (ରାଜ୍ୟ) ତୁମ୍ଭ ହସ୍ତାଧୀନ ହେଉ;
\v 7 ସେ ସେହି ଦିନ ଆପଣା ରବ ଉଠାଇ କହିବ ମୁଁ ଚିକିତ୍ସକ ହେବି ନାହିଁ; କାରଣ ମୋ' ଗୃହରେ ଖାଦ୍ୟ କିମ୍ବା ବସ୍ତ୍ର ନାହିଁ; ତୁମ୍ଭେମାନେ ମୋତେ ଲୋକମାନଙ୍କର ଶାସନକର୍ତ୍ତା କର ନାହିଁ ।"
\s5
\v 8 ଯେହେତୁ ଯିରୂଶାଲମ ବିନଷ୍ଟ ଓ ଯିହୁଦା ପତିତ ହୋଇଅଛି; କାରଣ ସଦାପ୍ରଭୁଙ୍କର ପ୍ରତାପବିଶିଷ୍ଟ ଚକ୍ଷୁକୁ କ୍ରୋଧାନ୍ୱିତ କରିବା ପାଇଁ ସେମାନଙ୍କର ଜିହ୍ୱା ଓ କ୍ରିୟା ତାହାଙ୍କର ପ୍ରତିକୂଳ ଅଟେ ।
\v 9 ସେମାନଙ୍କ ମୁଖର ଆକାର ସେମାନଙ୍କ ପ୍ରତିକୂଳରେ ସାକ୍ଷ୍ୟ ଦିଏ; ପୁଣି, ସେମାନେ ସଦୋମର ନ୍ୟାୟ ଆପଣାମାନଙ୍କ ପାପ ପ୍ରକାଶ କରି ଗୋପନ କରନ୍ତି ନାହିଁ । ସେମାନଙ୍କ ପ୍ରାଣର ସନ୍ତାପ ହେବ ! କାରଣ ସେମାନେ ଆପଣାମାନଙ୍କର ଅନିଷ୍ଟ ଆପେ କରିଅଛନ୍ତି ।
\s5
\v 10 ତୁମ୍ଭେମାନେ ଧାର୍ମିକର ବିଷୟରେ କୁହ ଯେ, ତାହାର ମଙ୍ଗଳ ହେବ, ଯେହେତୁ ସେମାନେ ଆପଣା ଆପଣା କର୍ମର ଫଳ ଭୁଞ୍ଜିବେ ।
\v 11 ଦୁଷ୍ଟ ଲୋକର ସନ୍ତାପ ହେବ ! ତାହାର ଅମଙ୍ଗଳ ଘଟିବ; କାରଣ ତାହାର ହସ୍ତକୃତ କର୍ମର ପ୍ରତିଫଳ ତାହାକୁ ଦିଆଯିବ ।
\v 12 ମୋ' ଲୋକମାନଙ୍କ ବିଷୟ ଦେଖିଲେ, ବାଳକମାନେ ମୋ' ଲୋକମାନଙ୍କର ଉପଦ୍ରବକାରୀ ଓ ସ୍ତ୍ରୀମାନେ ସେମାନଙ୍କ ଉପରେ ଶାସନ କରନ୍ତି । ହେ ମୋହର ଲୋକମାନେ, ତୁମ୍ଭର ପଥଦର୍ଶକମାନେ ତୁମ୍ଭକୁ ଭୁଲାନ୍ତି ଓ ତୁମ୍ଭ ଗମନର ପଥ ନଷ୍ଟ କରନ୍ତି ।
\s5
\v 13 ସଦାପ୍ରଭୁ ପ୍ରତିବାଦ କରିବାକୁ ଠିଆ ହେଉଅଛନ୍ତି, ଗୋଷ୍ଠୀୟମାନଙ୍କର ବିଚାର କରିବାକୁ ଠିଆ ହେଉଅଛନ୍ତି ।
\v 14 ସଦାପ୍ରଭୁ ଆପଣା ଲୋକମାନଙ୍କର ପ୍ରାଚୀନବର୍ଗର ଓ ଅଧିପତିଗଣର ସହିତ ବିଚାରରେ ଉପସ୍ଥିତ ହେବେ; ତୁମ୍ଭେମାନେ ହିଁ ଦ୍ରାକ୍ଷାକ୍ଷେତ୍ର ଗ୍ରାସ କରିଅଛ; ଦରିଦ୍ରମାନଙ୍କଠାରୁ ଲୁଟିତ ଦ୍ରବ୍ୟ ତୁମ୍ଭମାନଙ୍କ ଗୃହରେ ଅଛି;
\v 15 ତୁମ୍ଭେମାନେ ଯେ ଆମ୍ଭ ଲୋକମାନଙ୍କୁ ଦଳି ପକାଉଅଛ ଓ ଦରିଦ୍ରମାନଙ୍କ ମୁଖ ଘଷି ପକାଉଅଛ, ଏଥିରେ ତୁମ୍ଭମାନଙ୍କ ଅଭିପ୍ରାୟ କ'ଣ ? ପ୍ରଭୁ, ବାହିନୀଗଣର ସଦାପ୍ରଭୁ ଏହି କଥା କହନ୍ତି ।
\s5
\v 16 ଆହୁରି ସଦାପ୍ରଭୁ କହିଲେ, ସିୟୋନର କନ୍ୟାଗଣ ଅହଙ୍କାରିଣୀ ଓ ଆପଣା ଆପଣା ଗ୍ରୀବା ଲମ୍ବାଇ ଓ କଟାକ୍ଷ କରି ଗମନ କରନ୍ତି, ଗମନ କରୁ କରୁ ଚଞ୍ଚଳ ପାଦସଞ୍ଚାର ଓ ଚରଣରେ ରୁଣୁଝୁଣୁ ଶବ୍ଦ କରନ୍ତି;
\v 17 ଏହେତୁ ପ୍ରଭୁ ସିୟୋନର କନ୍ୟାଗଣର ମସ୍ତକ କାଛୁମୟ କରିବେ ଓ ସଦାପ୍ରଭୁ ସେମାନଙ୍କର ଗୁପ୍ତ ସ୍ଥାନ ଅନାବୃତ କରିବେ ।
\s5
\v 18 ସେହି ଦିନ ପ୍ରଭୁ ସେମାନଙ୍କର ଗର୍ବ ସ୍ୱରୂପ ନୂପୁର, ଜାଲିବସ୍ତ୍ର, ଚନ୍ଦ୍ରହାର;
\v 19 କର୍ଣ୍ଣଭୂଷଣ, ଚୁଡ଼ି, ଘୁମୁଟା;
\v 20 ଶିରୋଭୂଷଣ, ପାଦର ବଳା, କଟିବନ୍ଧନୀ, ଅତରଧାନୀ, କବଚ;
\s5
\v 21 ମୁଦି, ନଥ;
\v 22 ଉତ୍ସବକାଳୀନ ବସ୍ତ୍ର, ଆବରଣୀୟ ବସ୍ତ୍ର, ସାଲ, ଗାଞ୍ଜିଆ;
\v 23 ଦର୍ପଣ, ସୂକ୍ଷ୍ମ ବସ୍ତ୍ର, ଶିରୋବନ୍ଧନୀ ଓ ଓଢ଼ଣି କାଢ଼ି ପକାଇବେ ।
\s5
\v 24 ତହିଁରେ ସୁଗନ୍ଧିଦ୍ରବ୍ୟ ବଦଳରେ ଦୁର୍ଗନ୍ଧ ପୂଜ, କଟିବନ୍ଧନୀର ପରିବର୍ତ୍ତେ ରଜ୍ଜୁ, ସୁନ୍ଦର କେଶବିନ୍ୟାସ ବଦଳରେ କେଶଶୂନ୍ୟତା ଓ ଆବରଣ ବସ୍ତ୍ର ପରିବର୍ତ୍ତେ ଚଟର ପଟୁକା; ସୌନ୍ଦର୍ଯ୍ୟ ବଦଳରେ ପୋଡ଼ାଦାଗ ହେବ ।
\v 25 ତୁମ୍ଭର ପୁରୁଷମାନେ ଖଡ଼୍‍ଗାଘାତରେ ଓ ତୁମ୍ଭର ବିକ୍ରମୀଗଣ ଯୁଦ୍ଧରେ ପତିତ ହେବେ ।
\v 26 ସିୟୋନର ନଗରଦ୍ୱାରସକଳ ଶୋକ, ବିଳାପ କରିବେ ଓ ସେ ଅକିଞ୍ଚନା ହୋଇ ଭୂମିରେ ବସିବ ।
\s5
\c 4
\p
\v 1 ସେହି ଦିନ ସାତ ଜଣ ସ୍ତ୍ରୀ ଜଣେ ପୁରୁଷକୁ ଧରି କହିବେ, "ଆମ୍ଭେମାନେ ନିଜ ଅନ୍ନ ଭୋଜନ କରିବୁ ଓ ନିଜ ବସ୍ତ୍ର ପିନ୍ଧିବୁ; କେବଳ ତୁମ୍ଭ ନାମରେ ଆମ୍ଭେମାନେ ଖ୍ୟାତ ହେଉ; ତୁମ୍ଭେ ଆମ୍ଭମାନଙ୍କର ଅପମାନ ଦୂର କର ।"
\s ସଦାପ୍ରଭୁଙ୍କ ଗୌରବାନ୍ୱିତ ଶାଖା
\p
\v 2 ସେହି ଦିନ ଇସ୍ରାଏଲ ମଧ୍ୟରେ ବଞ୍ଚିଥିବା ଲୋକମାନଙ୍କ ନିମନ୍ତେ ସଦାପ୍ରଭୁଙ୍କ ଶାଖା ମନୋରମ ଓ ଗୌରବାନ୍ୱିତ ହେବ, ଆଉ ଦେଶର ଫଳ ଉତ୍ତମ ଓ ମନୋହର ହେବ ।
\s5
\v 3 ପୁଣି, ପ୍ରଭୁ ଯେତେବେଳେ ବିଚାରକ ଆତ୍ମା ଓ ଦାହକ ଆତ୍ମା ଦ୍ୱାରା ସିୟୋନର କନ୍ୟାଗଣର ମଳ ଧୌତ କରିବେ ଓ ଯିରୂଶାଲମ ମଧ୍ୟରୁ ତହିଁର ରକ୍ତ ଦୂର କରି ଦେବେ;
\v 4 ସେତେବେଳେ ସିୟୋନରେ ଯେକେହି ଅବଶିଷ୍ଟ ଥାଏ ଓ ଯିରୂଶାଲମରେ ରହେ, ଅର୍ଥାତ୍‍, ଯିରୂଶାଲମସ୍ଥ ଜୀବିତ ଲୋକମାନଙ୍କ ମଧ୍ୟରେ ଯେ ପ୍ରତ୍ୟେକର ନାମ ଲିଖିତ ହୁଏ, ସେ ପବିତ୍ର ବୋଲି ବିଖ୍ୟାତ ହେବ ।
\s5
\v 5 ଆଉ, ସଦାପ୍ରଭୁ ସିୟୋନ ପର୍ବତସ୍ଥ ସମୁଦାୟ ଆବାସ ଓ ତାହାର ସକଳ ସଭା ଉପରେ ଦିବସରେ ମେଘ ଓ ଧୂମ ଓ ରାତ୍ରିରେ ପ୍ରଜ୍ୱଳିତ ଅଗ୍ନିର ତେଜ ସୃଷ୍ଟି କରିବେ; କାରଣ ସମୁଦାୟ ପ୍ରତାପ ଉପରେ ଚନ୍ଦ୍ରାତପ ବିସ୍ତୃତ ହେବ ।
\v 6 ପୁଣି, ଦିବସରେ ଗ୍ରୀଷ୍ମରୁ ଛାୟା ନିମନ୍ତେ, ଆଉ ଝଡ଼ ଓ ବୃଷ୍ଟିରୁ ଆଶ୍ରୟ ଓ ଆଚ୍ଛାଦନ ସ୍ଥାନ ସ୍ୱରୂପ ହେବା ନିମନ୍ତେ ଏକ ଆବାସ ହେବ ।
\s5
\c 5
\s ଧ୍ୱଂସପ୍ରାପ୍ତ ସଦାପ୍ରଭୁଙ୍କ ଦ୍ରାକ୍ଷାକ୍ଷେତ୍ର
\p
\v 1 ମୁଁ ଆପଣା ପ୍ରିୟତମଙ୍କ ଉଦ୍ଦେଶ୍ୟରେ, ତାହାଙ୍କ ଦ୍ରାକ୍ଷାକ୍ଷେତ୍ର ବିଷୟରେ ମୋ' ପ୍ରିୟତମଙ୍କର ଗୋଟିଏ ଗୀତ ଗାନ କରେ । ଅତି ଉର୍ବରା ଏକ ପର୍ବତରେ ମୋ' ପ୍ରିୟତମଙ୍କର ଗୋଟିଏ ଦ୍ରାକ୍ଷାକ୍ଷେତ୍ର ଥିଲା;
\v 2 ପୁଣି, ସେ ତାହା ଖୋଳି ପ୍ରସ୍ତରସବୁ ବାହାର କଲେ ଓ ଅତ୍ୟୁତ୍ତମ ଦ୍ରାକ୍ଷାଲତା ତହିଁରେ ରୋପଣ କଲେ ଓ ତହିଁର ମଧ୍ୟସ୍ଥାନରେ ଗୋଟିଏ ଉଚ୍ଚ ଗୃହ ନିର୍ମାଣ କରି ଦ୍ରାକ୍ଷାକୁଣ୍ଡ ମଧ୍ୟ ଖୋଳିଲେ, ଆଉ ଦ୍ରାକ୍ଷାଫଳ ଫଳିବ ବୋଲି ଅପେକ୍ଷାରେ ରହିଲେ, ମାତ୍ର ତହିଁରେ ବନ୍ୟ ଦ୍ରାକ୍ଷାଫଳ ଫଳିଲା ।
\s5
\v 3 ଏଣୁ ଏବେ ହେ ଯିରୂଶାଲମ ନିବାସୀମାନେ ଓ ଯିହୁଦାର ଲୋକମାନେ, ମୁଁ ତୁମ୍ଭମାନଙ୍କୁ ବିନୟ କରେ, ତୁମ୍ଭେମାନେ ମୋହର ଓ ମୋ' ଦ୍ରାକ୍ଷାକ୍ଷେତ୍ରର ମଧ୍ୟରେ ବିଚାର କର ।
\v 4 ମୁଁ ଆପଣା ଦ୍ରାକ୍ଷାକ୍ଷେତ୍ରରେ ଯାହା କରି ନାହିଁ, ଏପରି କେଉଁ ଅଧିକ କର୍ମ ତହିଁ ପ୍ରତି କରାଯାଇ ପାରନ୍ତା ? ଏନିମନ୍ତେ ମୁଁ ଦ୍ରାକ୍ଷାଫଳ ଫଳିବ ବୋଲି ଅପେକ୍ଷା କଲେ, ତହିଁରେ ବନ୍ୟ ଦ୍ରାକ୍ଷାଫଳ ଫଳିଲା କାହିଁକି ?
\s5
\v 5 ଏଣୁ ଏବେ ଶୁଣ; ମୁଁ ଆପଣା ଦ୍ରାକ୍ଷାକ୍ଷେତ୍ର ପ୍ରତି ଯାହା କରିବି, ତାହା ତୁମ୍ଭମାନଙ୍କୁ ଜଣାଇବି; ମୁଁ ତହିଁର ବାଡ଼ କାଢ଼ି ପକାଇବି, ତହିଁରେ ତାହା ଗ୍ରାସ କରାଯିବ; ମୁଁ ତହିଁର ବେଢ଼ା ଭାଙ୍ଗି ପକାଇବି, ତହିଁରେ ତାହା ଦଳିତ ହେବ;
\v 6 ପୁଣି, ମୁଁ ତାହା ଉଜାଡ଼ କରିବି; ତାହାର ଡାଳ କଟା ହେବ ନାହିଁ କିମ୍ବା ଭୂମି କୋଡ଼ା ହେବ ନାହିଁ; ମାତ୍ର ତାହା କାନକୋଳି ଓ କଣ୍ଟକ ବୃକ୍ଷମୟ ହେବ; ମଧ୍ୟ ତହିଁ ଉପରେ ଜଳ ବର୍ଷଣ ନ କରିବା ପାଇଁ ମୁଁ ମେଘମାଳକୁ ଆଜ୍ଞା କରିବି ।
\s5
\v 7 ଯେହେତୁ ଇସ୍ରାଏଲ ବଂଶ ସୈନ୍ୟାଧିପତି ସଦାପ୍ରଭୁଙ୍କର ଦ୍ରାକ୍ଷାକ୍ଷେତ୍ର ଓ ଯିହୁଦାର ଲୋକେ ତାହାଙ୍କର ମନୋରମ ଚାରା; ସେ ନ୍ୟାୟ ଅପେକ୍ଷା କଲେ, ମାତ୍ର ଦେଖ, ଉପଦ୍ରବ; ଧାର୍ମିକତା ଅପେକ୍ଷା କଲେ, ମାତ୍ର ଦେଖ, କ୍ରନ୍ଦନ ।
\s ଦୁଷ୍କର୍ମକାରୀ-ସନ୍ତାପର ପାତ୍ର
\p
\s5
\v 8 ଦେଶରେ ଯେପରି ଆଉ ସ୍ଥାନ ନ ଥିବ ଓ ତୁମ୍ଭେମାନେ ଯେପରି ତହିଁ ମଧ୍ୟରେ ଏକାକୀ ବାସ କରିବ, ଏଥିପାଇଁ ଗୃହକୁ ଗୃହ, କ୍ଷେତ୍ରକୁ କ୍ଷେତ୍ର ଲଗାଉଅଛ ଯେ ତୁମ୍ଭେମାନେ, ତୁମ୍ଭେମାନେ ସନ୍ତାପର ପାତ୍ର !
\v 9 ସୈନ୍ୟାଧିପତି ସଦାପ୍ରଭୁ ମୋ' କର୍ଣ୍ଣରେ କହନ୍ତି, ନିଶ୍ଚୟ ଅନେକ ଗୃହ ଧ୍ୱଂସସ୍ଥାନ, ମଧ୍ୟ ବୃହତ ଓ ସୁନ୍ଦର ଗୃହମାନ ନିବାସବିହୀନ ହେବ ।
\v 10 କାରଣ ଦଶ ମାଣ ଦ୍ରାକ୍ଷାକ୍ଷେତ୍ରରେ ଏକ ମହଣ ଦ୍ରାକ୍ଷାରସ ଉତ୍ପନ୍ନ ହେବ ଓ ଦଶ ମହଣ ବୀଜରୁ କେବଳ ଏକ ମହଣ ଶସ୍ୟ ଉତ୍ପନ୍ନ ହେବ ।
\s5
\v 11 ଯେଉଁମାନେ ସୁରାପାନ କରିବାକୁ ଅତି ପ୍ରଭାତରେ ଉଠନ୍ତି; ଦ୍ରାକ୍ଷାରସରେ ଉତ୍ତପ୍ତ ହେବା ପର୍ଯ୍ୟନ୍ତ ରାତ୍ରିରେ ବିଳମ୍ବ କରନ୍ତି, ସେମାନେ ସନ୍ତାପର ପାତ୍ର !
\v 12 ସେମାନଙ୍କ ଭୋଜିରେ ବୀଣା, ନେବଲ, ତବଲା, ବଂଶୀ ଓ ଦ୍ରାକ୍ଷାରସ ଥାଏ; ମାତ୍ର ସେମାନେ ସଦାପ୍ରଭୁଙ୍କର କାର୍ଯ୍ୟ ନିରୀକ୍ଷଣ କରନ୍ତି ନାହିଁ କିଅବା ତାହାଙ୍କର ହସ୍ତର କର୍ମ ସେମାନେ ବିବେଚନା କରି ନାହାନ୍ତି ।
\s5
\v 13 ଏହି ହେତୁ ମୋହର ଲୋକମାନେ ଜ୍ଞାନ ଅଭାବରୁ ବନ୍ଦୀ ହୋଇ ଯାଇଅଛନ୍ତି; ପୁଣି, ସେମାନଙ୍କର ସମ୍ଭ୍ରାନ୍ତ ଲୋକମାନେ କ୍ଷୁଧାର୍ତ୍ତ ଓ ସେମାନଙ୍କର ଲୋକାରଣ୍ୟ ତୃଷାରେ ଶୁଷ୍କ ହେଉଅଛନ୍ତି ।
\v 14 ଏହିହେତୁ ପାତାଳ ଆପଣା ଉଦର ବିସ୍ତାର ଓ ଆପଣା ମୁଖ ଅପରିମିତ ରୂପେ ମେଲାଇଅଛି; ପୁଣି, ସେମାନଙ୍କର ଗୌରବ, ସେମାନଙ୍କର ଲୋକାରଣ୍ୟ, ସେମାନଙ୍କର କଳହ ଓ ସେମାନଙ୍କ ମଧ୍ୟରେ ଉଲ୍ଲାସକାରୀ ଲୋକ ତହିଁ ମଧ୍ୟକୁ ଓହ୍ଲାଇଯା'ନ୍ତି ।
\s5
\v 15 ପୁଣି, ସାମାନ୍ୟ ଲୋକ ଅଧୋମୁଖ ଓ ମହାନ ଲୋକ ନତ ହୁଏ, ପୁଣି ଅହଙ୍କାରୀମାନଙ୍କର ଦୃଷ୍ଟି ନତ ହୁଏ;
\v 16 ମାତ୍ର ସୈନ୍ୟାଧିପତି ସଦାପ୍ରଭୁ ବିଚାରରେ ଉନ୍ନତ ହୁଅନ୍ତି, ପୁଣି, ଧର୍ମସ୍ୱରୂପ ପରମେଶ୍ୱର ଧାର୍ମିକତାରେ ପବିତ୍ର ରୂପେ ମାନ୍ୟ ହୁଅନ୍ତି ।
\v 17 ସେହି ସମୟରେ ମେଷଶାବକମାନେ ଆପଣା ଚରା ସ୍ଥାନରେ ଚରିବା ପରି ଚରିବେ, ପୁଣି, ଭ୍ରମଣକାରୀମାନେ ହୃଷ୍ଟପୁଷ୍ଟ ଲୋକମାନଙ୍କର ଧ୍ୱଂସସ୍ଥାନ ଭୋଗ କରିବେ ।
\s5
\v 18 ଯେଉଁମାନେ ଅସାରତାରୂପ ରଜ୍ଜୁରେ ଅପରାଧ ଓ ଶକଟ ରଜ୍ଜୁରେ ପାପ ଆକର୍ଷଣ କରନ୍ତି, ସେମାନେ ସନ୍ତାପର ପାତ୍ର !
\v 19 ସେମାନେ କହନ୍ତି, "ଆମ୍ଭେମାନେ ଯେପରି ଖୋଜି ପାରିବା, ଏଥିପାଇଁ ସେ ତ୍ୱରା କରନ୍ତୁ, ସେ ଆପଣା କାର୍ଯ୍ୟ ଶୀଘ୍ର କରନ୍ତୁ; ଆଉ, ଆମ୍ଭେମାନେ ଯେପରି ଜାଣି ପାରିବା, ଏଥିପାଇଁ ଇସ୍ରାଏଲର ଧର୍ମସ୍ୱରୂପଙ୍କର ମନ୍ତ୍ରଣା ଉପସ୍ଥିତ ହୋଇ ଘଟୁ ।"
\s5
\v 20 ଯେଉଁମାନେ ମନ୍ଦକୁ ଭଲ ଓ ଭଲକୁ ମନ୍ଦ କୁହନ୍ତି; ଯେଉଁମାନେ ଅନ୍ଧାରକୁ ଆଲୁଅ ଓ ଆଲୁଅକୁ ଅନ୍ଧାର ଭଳି ମନେ କରନ୍ତି; ଯେଉଁମାନେ ତିକ୍ତକୁ ମିଷ୍ଟ ଓ ମିଷ୍ଟକୁ ତିକ୍ତ ଭଳି ମନେ କରନ୍ତି, ସେମାନେ ସନ୍ତାପର ପାତ୍ର !
\v 21 ଯେଉଁମାନେ ଆପଣା ଆପଣା ଦୃଷ୍ଟିରେ ଜ୍ଞାନବାନ ଓ ଆପଣା ଆପଣା ବୋଧରେ ବୁଦ୍ଧିମାନ, ସେମାନେ ସନ୍ତାପର ପାତ୍ର !
\s5
\v 22 ଯେଉଁମାନେ ଦ୍ରାକ୍ଷାରସ ପାନ କରିବାକୁ ପରାକ୍ରମୀ ଓ ମଦ୍ୟ ମିଶ୍ରିତ କରିବାକୁ ବଳବାନ;
\v 23 ଯେଉଁମାନେ ଲାଞ୍ଚ ସକାଶେ ଦୁଷ୍ଟକୁ ନିର୍ଦ୍ଦୋଷ କରନ୍ତି ଓ ଧାର୍ମିକର ଧାର୍ମିକତା ତାହାଠାରୁ ଦୂର କରନ୍ତି, ସେମାନେ ସନ୍ତାପର ପାତ୍ର !
\s5
\v 24 ଏଥିନିମନ୍ତେ ଅଗ୍ନିର ଜିହ୍ୱା ଯେପରି ନଡ଼ା ଗ୍ରାସ କରେ ଓ ଶୁଷ୍କ ତୃଣ ଯେପରି ଅଗ୍ନି ଶିଖାରେ ଭସ୍ମସାତ୍‍ ହୁଏ, ସେପରି ସେମାନଙ୍କର ମୂଳ ସଢ଼ିଯିବ ଓ ସେମାନଙ୍କର ପୁଷ୍ପ ଧୂଳି ପରି ଉଡ଼ିଯିବ; କାରଣ ସେମାନେ ସୈନ୍ୟାଧିପତି ସଦାପ୍ରଭୁଙ୍କର ବ୍ୟବସ୍ଥା ଅଗ୍ରାହ୍ୟ କରିଅଛନ୍ତି ଓ ଇସ୍ରାଏଲର ଧର୍ମସ୍ୱରୂପଙ୍କ ବାକ୍ୟ ଅଗ୍ରାହ୍ୟ କରିଅଛନ୍ତି ।
\s5
\v 25 ଏହିହେତୁ ସଦାପ୍ରଭୁଙ୍କର କ୍ରୋଧ ତାହାଙ୍କ ଲୋକମାନଙ୍କ ବିରୁଦ୍ଧରେ ପ୍ରଜ୍ୱଳିତ ହୋଇଅଛି ଓ ସେ ସେମାନଙ୍କ ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରି ସେମାନଙ୍କୁ ଆଘାତ କରିଅଛନ୍ତି, ପୁଣି, ଉପପର୍ବତଗଣ କମ୍ପିଲେ ଓ ଲୋକମାନଙ୍କ ଶବ ସଡ଼କ ମଧ୍ୟରେ ଅଳିଆ ପରି ହେଲା । ଏସବୁ ହେଲେ ହେଁ ତାହାଙ୍କର କ୍ରୋଧ ନିବୃତ୍ତ ହୁଏ ନାହିଁ, ମାତ୍ର ତାହାଙ୍କର ହସ୍ତ ପୂର୍ବ ପରି ବିସ୍ତାରିତ ହୋଇ ରହିଅଛି ।
\s5
\v 26 ପୁଣି, ସେ ଦୂର ଦେଶୀୟ ଗୋଷ୍ଠୀଗଣ ପ୍ରତି ଗୋଟିଏ ଧ୍ୱଜା ଉଠାଇବେ ଓ ପୃଥିବୀର ପ୍ରାନ୍ତରୁ ସେମାନଙ୍କ ପାଇଁ ଶିଷ୍‍ ଦେବେ, ପୁଣି, ଦେଖ, ସେମାନେ ଦ୍ରୁତଗମନ କରି ଶୀଘ୍ର ଆସିବେ;
\s5
\v 27 ସେମାନଙ୍କ ମଧ୍ୟରେ କେହି କ୍ଳାନ୍ତ ହେବେ ନାହିଁ, କି ଝୁଣ୍ଟି ପଡ଼ିବେ ନାହିଁ; କେହି ଢୁଳାଇବେ ନାହିଁ କି ନିଦ୍ରା ଯିବେ ନାହିଁ; ଆଉ, ସେମାନଙ୍କର କଟିବନ୍ଧନ ଫିଟିବ ନାହିଁ କି ସେମାନଙ୍କର ପାଦୁକାର ବନ୍ଧନ ଛିଣ୍ଡିବ ନାହିଁ;
\v 28 ସେମାନଙ୍କର ତୀର ତୀକ୍ଷ୍‍ଣ ଓ ସେମାନଙ୍କର ଧନୁସବୁ ଗୁଣଦିଆ; ସେମାନଙ୍କ ଅଶ୍ୱଗଣର ଖୁରା ଚକ୍‍ମକି ପଥର ପରି ଓ ସେମାନଙ୍କ ରଥର ଚକ୍ର ଘୂର୍ଣ୍ଣିବାୟୁ ପରି;
\s5
\v 29 ସେମାନଙ୍କର ଗର୍ଜନ ସିଂହୀର ଗର୍ଜନ ପରି, ସେମାନେ ଯୁବାସିଂହ ପରି ଗର୍ଜନ କରିବେ; ଆହୁରି, ସେମାନେ ଗର୍ଜନ କରି ଓ ଶିକାର ଧରି ନିରାପଦରେ ତାହା ନେଇ ଯିବେ ଓ ଉଦ୍ଧାର କରିବାକୁ କେହି ନ ଥିବେ ।
\v 30 ପୁଣି, ସେମାନେ ସେହି ଦିନ ସମୁଦ୍ରର ଗର୍ଜନ ତୁଲ୍ୟ ଲୋକମାନଙ୍କ ଉପରେ ଗର୍ଜନ କରିବେ; ତହିଁରେ ଯଦି କେହି ଦେଶ ପ୍ରତି ଅନାଇବ, ତେବେ ଦେଖ, ଅନ୍ଧକାର ଓ ସଙ୍କଟ, ପୁଣି, ସେହି ସ୍ଥାନର ଦୀପ୍ତି ମେଘମାଳାରେ ଅନ୍ଧକାରମୟ ହେବ ।
\s5
\c 6
\s ଯିଶାଇୟଙ୍କୁ ଦର୍ଶନ ଓ ଆହ୍ୱାନ
\p
\v 1 ଉଷିୟ ରାଜା ମୃତ ହେବା ବର୍ଷ ମୁଁ ପ୍ରଭୁଙ୍କୁ ଏକ ଉଚ୍ଚ ଓ ଉନ୍ନତ ସିଂହାସନରେ ଉପବିଷ୍ଟ ଦେଖିଲି, ତାହାଙ୍କ ରାଜବସ୍ତ୍ରର ଅଞ୍ଚଳ ମନ୍ଦିରକୁ ପରିପୂର୍ଣ୍ଣ କଲା ।
\v 2 ତାହାଙ୍କ ନିକଟରେ ସରାଫଗଣ ଠିଆ ହେଲେ; ସେ ପ୍ରତ୍ୟେକର ଛଅ ଛଅ ପକ୍ଷ ଥିଲା; ପ୍ରତ୍ୟେକେ ଦୁଇ ପକ୍ଷରେ ଆପଣା ଆପଣା ମୁଖ ଆଚ୍ଛାଦନ କଲେ, ଦୁଇ ପକ୍ଷରେ ଚରଣ ଆଚ୍ଛାଦନ କଲେ ଓ ଦୁଇ ପକ୍ଷରେ ଉଡ଼ିଲେ ।
\s5
\v 3 ଆଉ, ସେମାନେ ପରସ୍ପର ଡାକି କହିଲେ, "ସୈନ୍ୟାଧିପତି ସଦାପ୍ରଭୁ ଧର୍ମମୟ, ଧର୍ମମୟ, ଧର୍ମମୟ; ସମୁଦାୟ ପୃଥିବୀ ତାହାଙ୍କ ମହିମାରେ ପରିପୂର୍ଣ୍ଣ ।"
\s5
\v 4 ସେତେବେଳେ ଘୋଷଣାକାରୀର ରବରେ ଦ୍ୱାର ସମ୍ମୁଖ ସ୍ଥାନର ମୂଳଦୁଆ କମ୍ପିତ ହେଲା ଓ ଗୃହ ଧୂମରେ ପରିପୂର୍ଣ୍ଣ ହେଲା ।
\v 5 ତେବେ ମୁଁ କହିଲି, "ହାୟ ହାୟ ! ମୁଁ ନଷ୍ଟ ହେଲି; କାରଣ ମୁଁ ଅଶୁଚି ଓଷ୍ଠାଧରବିଶିଷ୍ଟ ମନୁଷ୍ୟ ଓ ମୁଁ ଅଶୁଚି ଓଷ୍ଠାଧରବିଶିଷ୍ଟ ଗୋଷ୍ଠୀ ମଧ୍ୟରେ ବାସ କରୁଅଛି; ତଥାପି ମୋହର ଚକ୍ଷୁ ସୈନ୍ୟାଧିପତି ସଦାପ୍ରଭୁ ରାଜାଙ୍କୁ ଦେଖିଅଛି !"
\s5
\v 6 ଏଥିଉତ୍ତାରେ ସେହି ସରାଫଗଣ ମଧ୍ୟରୁ ଏକ ଜଣ ମୋ' ନିକଟକୁ ଉଡ଼ି ଆସିଲେ, ତାଙ୍କ ହସ୍ତରେ ଖଣ୍ଡେ ଜ୍ୱଳନ୍ତ ଅଙ୍ଗାର ଥିଲା, ସେ ଯଜ୍ଞବେଦିରୁ ଚିମୁଟା ଦ୍ୱାରା ତାହା ନେଇ ଥିଲେ;
\v 7 ପୁଣି, ସେ ତଦ୍ଦ୍ୱାରା ମୋର ମୁଖ ସ୍ପର୍ଶ କରି କହିଲେ, "ଦେଖ, ଏହା ତୁମ୍ଭ ଓଷ୍ଠାଧରକୁ ସ୍ପର୍ଶ କରିଅଛି; ଏଣୁ ତୁମ୍ଭର ଅପରାଧ ଦୂରୀକୃତ ହେଲା ଓ ତୁମ୍ଭର ପାପ ମୋଚନ ହେଲା ।"
\s5
\v 8 ଏଥିଉତ୍ତାରେ "ମୁଁ କାହାକୁ ପଠାଇବି ? ଓ କିଏ ଆମ୍ଭମାନଙ୍କ ପାଇଁ ଯିବ ?" ପ୍ରଭୁଙ୍କର ଏହି ରବ ମୁଁ ଶୁଣିଲି । ତେବେ ମୁଁ କହିଲି, "ମୁଁ ଅଛି; ମୋତେ ପଠାଅ ।"
\v 9 ତହିଁରେ ସେ କହିଲେ, "ଯାଅ ଓ ଏହି ଗୋଷ୍ଠୀକୁ କୁହ, ତୁମ୍ଭେମାନେ ଶୁଣୁଛ ନିଶ୍ଚୟ, ମାତ୍ର ବୁଝୁ ନାହଁ ଓ ଦେଖୁଛ ନିଶ୍ଚୟ, ମାତ୍ର ଜାଣୁ ନାହଁ ।
\s5
\v 10 ଏହି ଲୋକମାନେ ଆପଣା ଆପଣା ଚକ୍ଷୁରେ ଦେଖି ଓ କର୍ଣ୍ଣରେ ଶୁଣି ଓ ଅନ୍ତଃକରଣରେ ବୁଝି ମନ ଫେରାଇ ଯେପରି ସୁସ୍ଥ ନ ହୁଅନ୍ତି, ଏଥିପାଇଁ ତୁମ୍ଭେ ସେମାନଙ୍କ ଅନ୍ତଃକରଣ ସ୍ଥୂଳ କର ଓ ସେମାନଙ୍କ କର୍ଣ୍ଣ ଭାରୀ କର ଓ ସେମାନଙ୍କ ଚକ୍ଷୁ ମୁଦି ଦିଅ ।"
\s5
\v 11 ତେବେ ମୁଁ କହିଲି, "ହେ ପ୍ରଭୁ, କେତେ କାଳ ଯାଏ ?" ତହିଁରେ ସେ ଉତ୍ତର କଲେ, ଯେଯାଏ ନଗରସବୁ ନିବାସୀବିହୀନ ଓ ଗୃହସବୁ ନରଶୂନ୍ୟ ହୋଇ ଉଜାଡ଼ ନ ହୁଏ ଓ ଭୂମି ସମ୍ପୂର୍ଣ୍ଣ ରୂପେ ଉଜାଡ଼ ନ ହୁଏ,
\v 12 ପୁଣି, ସଦାପ୍ରଭୁ ଲୋକମାନଙ୍କୁ ଅତି ଦୂର କରି ନ ଦିଅନ୍ତି ଓ ଦେଶ ମଧ୍ୟରେ ପରିତ୍ୟକ୍ତ ସ୍ଥାନ ଅନେକ ନ ହୁଏ, ସେଯାଏ ।
\s5
\v 13 ଆଉ, ଯଦିବା ତହିଁରେ ଦଶମାଂଶ ରହେ, ତଥାପି ତାହା ପୁନର୍ବାର ବିନଷ୍ଟ ହେବ; ଏଲା ଓ ଅଲୋନ୍‍ ବୃକ୍ଷ ହଣା ଗଲେ ହେଁ ଯେପରି ତାହାର ଗଣ୍ଡି ରହେ; ସେପରି ସେହି ପବିତ୍ର ବଂଶ ଏହି ଗୋଷ୍ଠୀର ଗଣ୍ଡିସ୍ୱରୂପ ଅଟେ ।
\s5
\c 7
\s ରାଜା ଆହସ୍‌ଙ୍କ ନିମନ୍ତେ ଏକ ବାର୍ତ୍ତା
\p
\v 1 ଯିହୁଦା-ରାଜା ଉଷିୟର ପୌତ୍ର ଯୋଥମ୍‍ର ପୁତ୍ର ଆହସ୍‌ର ସମୟରେ ଅରାମର ରତ୍ସୀନ ରାଜା ଓ ରମଲୀୟର ପୁତ୍ର ପେକହ ନାମେ ଇସ୍ରାଏଲର ରାଜା ଯିରୂଶାଲମର ବିରୁଦ୍ଧରେ ଯୁଦ୍ଧ କରିବା ନିମନ୍ତେ ସେଠାକୁ ଗଲେ; ମାତ୍ର ତାହା ପରାସ୍ତ କରି ପାରିଲେ ନାହିଁ ।
\v 2 ଏଥିଉତ୍ତାରେ ଦାଉଦବଂଶକୁ ଜ୍ଞାତ କରାଗଲା ଯେ, ଅରାମ ଇଫ୍ରୟିମର ସହାୟ ହୋଇଅଛି । ଏଥିରେ ତାହାର ହୃଦୟ ଓ ତାହାର ଲୋକମାନଙ୍କ ହୃଦୟ ବାୟୁରେ କମ୍ପିତ ଓ ବନବୃକ୍ଷ ତୁଲ୍ୟ କମ୍ପିତ ହେଲା ।
\s5
\v 3 ସେତେବେଳେ ସଦାପ୍ରଭୁ ଯିଶାଇୟଙ୍କୁ କହିଲେ, "ତୁମ୍ଭେ ଓ ତୁମ୍ଭ ପୁତ୍ର ଶାର-ଯାଶୂବ, ରଜକ କ୍ଷେତ୍ରର ରାଜପଥସ୍ଥ ଉପର ପୁଷ୍କରିଣୀର ନାଳ ମୁଣ୍ଡରେ ଆହସ୍‌ର ସଙ୍ଗେ ସାକ୍ଷାତ କରିବାକୁ ଯାଅ ।
\v 4 ଓ ତାହାକୁ କୁହ, ସାବଧାନ ଓ ସୁସ୍ଥିର ହୁଅ; ଏହି ଧୂମମୟ କାଷ୍ଠର ଦୁଇ ଲାଞ୍ଜ, ଅର୍ଥାତ୍‍, ରତ୍ସୀନ, ଅରାମର ଓ ରମଲୀୟର ପୁତ୍ରର ପ୍ରଚଣ୍ଡ କ୍ରୋଧ ସକାଶୁ ଭୀତ ହୁଅ ନାହିଁ, କିଅବା ଆପଣା ହୃଦୟକୁ ନିରାଶ ହେବାକୁ ଦିଅ ନାହିଁ ।
\s5
\v 5 କାରଣ ଅରାମ, ମଧ୍ୟ ଇଫ୍ରୟିମ ଓ ରମଲୀୟର ପୁତ୍ର ତୁମ୍ଭ ବିରୁଦ୍ଧରେ କୁମନ୍ତ୍ରଣା କରି କହୁଅଛନ୍ତି,
\v 6 ଆସ, ଆମ୍ଭେମାନେ ଯିହୁଦା ବିରୁଦ୍ଧରେ ଯାଇ ତାହାକୁ ଅଧୈର୍ଯ୍ୟ କରୁ ଓ ଆମ୍ଭମାନଙ୍କ ନିମନ୍ତେ ତହିଁ ମଧ୍ୟରେ ଭଗ୍ନ ସ୍ଥାନ କରି ଏକ ରାଜାକୁ, ଅର୍ଥାତ୍‍, ଟାବେଲର ପୁତ୍ରକୁ ସ୍ଥାପନ କରୁ ।
\s5
\v 7 ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି, "ତାହା ସ୍ଥିର ହେବ ନାହିଁ ଅବା ସିଦ୍ଧ ହିଁ ହେବ ନାହିଁ" ।
\v 8 କାରଣ ଅରାମର ମସ୍ତକ ଦାମାସ୍‍କସ୍‍ ଓ ଦାମାସ୍‍କସ୍‍ର ମସ୍ତକ ରତ୍ସୀନ; ପୁଣି, ପଞ୍ଚଷଠି ବର୍ଷ ମଧ୍ୟରେ ଇଫ୍ରୟିମ ଖଣ୍ଡ ଖଣ୍ଡ ହୋଇ ଏପରି ଭଗ୍ନ ହେବ ଯେ, ସେ ଆଉ ଏକ ଗୋଷ୍ଠୀ ହୋଇ ରହିବ ନାହିଁ;
\v 9 ଆଉ, ଇଫ୍ରୟିମର ମସ୍ତକ ଶମରୀୟା ଓ ଶମରୀୟାର ମସ୍ତକ ରମଲୀୟର ପୁତ୍ର । ଯଦି ତୁମ୍ଭେମାନେ ବିଶ୍ୱାସ ନ କରିବ, ତେବେ ସ୍ଥିରୀକୃତ ହେବ ନାହିଁ, ଏହା ନିଶ୍ଚୟ ।"
\s ଇମ୍ମାନୁୟେଲ ପରମେଶ୍ୱରଙ୍କ ଚିହ୍ନ
\p
\s5
\v 10 ଏଥିଉତ୍ତାରେ ସଦାପ୍ରଭୁ ଆହସ୍‌କୁ ଆହୁରି କହିଲେ,
\v 11 "ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କୁ ଏକ ଚିହ୍ନ ମାଗ; ଅଧୋଲୋକରେ କି ଉର୍ଦ୍ଧ୍ୱଲୋକରେ ହେଉ, ମାଗ ।"
\v 12 ମାତ୍ର ଆହସ୍‌ କହିଲା, "ମୁଁ ମାଗିବି ନାହିଁ କି ସଦାପ୍ରଭୁଙ୍କୁ ପରୀକ୍ଷା କରିବି ନାହିଁ ।"
\s5
\v 13 ଏଥିରେ ସେ କହିଲେ, "ହେ ଦାଉଦର ବଂଶ, ତୁମ୍ଭେମାନେ ଏବେ ଶୁଣ; ମନୁଷ୍ୟକୁ କ୍ଳାନ୍ତ କରିବାର ତୁମ୍ଭମାନଙ୍କ ପ୍ରତି କ୍ଷୁଦ୍ର ବିଷୟ ବୋଲି କି ତୁମ୍ଭେମାନେ ମୋ' ପରମେଶ୍ୱରଙ୍କୁ ହିଁ କ୍ଳାନ୍ତ କରିବ ?
\v 14 ଏହେତୁ ପ୍ରଭୁ ଆପେ ତୁମ୍ଭମାନଙ୍କୁ ଏକ ଚିହ୍ନ ଦେବେ; ଦେଖ, ଏକ କନ୍ୟା ଗର୍ଭବତୀ ହୋଇ ଏକ ପୁତ୍ର ପ୍ରସବ କରିବ ଓ ତାହାର ନାମ ଇମ୍ମାନୁୟେଲ (ଆମ୍ଭମାନଙ୍କ ସହିତ ପରମେଶ୍ୱର) ରଖିବ ।
\v 15 ମନ୍ଦକୁ ଅଗ୍ରାହ୍ୟ ଓ ଭଲକୁ ମନୋନୀତ କରିବାର ଜାଣିବା ବେଳେ ସେ ଦଧି ଓ ମଧୁ ଖାଇବ ।
\s5
\v 16 କାରଣ ବାଳକ ମନ୍ଦକୁ ଅଗ୍ରାହ୍ୟ ଓ ଭଲକୁ ମନୋନୀତ କରିବାର ଜାଣିବା ପୂର୍ବେ ଯେଉଁ ଦେଶର ଦୁଇ ରାଜାଙ୍କୁ ତୁମ୍ଭେ ଘୃଣା କରୁଅଛ, ସେ ଦେଶ ପରିତ୍ୟକ୍ତ ହେବ ।
\v 17 ଇଫ୍ରୟିମ ଯିହୁଦାଠାରୁ ପୃଥକ୍ ହେବା ଦିନଠାରୁ ଯେପ୍ରକାର ସମୟ କେବେ ହୋଇ ନାହିଁ, ସେପ୍ରକାର ସମୟ ସଦାପ୍ରଭୁ ତୁମ୍ଭ ପ୍ରତି ଓ ତୁମ୍ଭ ଲୋକମାନଙ୍କ ପ୍ରତି ଓ ତୁମ୍ଭ ପିତୃବଂଶ ପ୍ରତି ଘଟାଇବେ; ଅର୍ଥାତ୍‍, ଅଶୂରର ରାଜାକୁ ଆଣିବେ ।"
\s5
\v 18 ପୁଣି, ସେହି ଦିନ ସଦାପ୍ରଭୁ ମିସର ଦେଶୀୟ ନଦୀସବୁର ପ୍ରାନ୍ତସ୍ଥ ମକ୍ଷିକାର ପ୍ରତି ଓ ଅଶୂର ଦେଶୀୟ ମଧୁମକ୍ଷିକା ପ୍ରତି ଶିଷ୍‍ ଦେବେ ।
\v 19 ତହିଁରେ ସେସମସ୍ତେ ଆସି ଉଚ୍ଛିନ୍ନ ଉପତ୍ୟକାସମୂହରେ ଓ ଶୈଳମାନଙ୍କର ଛିଦ୍ର ସ୍ଥାନରେ ଓ କଣ୍ଟକ ବନରେ ଓ ଚରାଭୂମିସମୂହରେ ବସିବେ ।
\s5
\v 20 ସେଦିନ ପ୍ରଭୁ ନଦୀର ସେପାରିସ୍ଥ ଭଡ଼ାଟିଆ କ୍ଷୁର ଦ୍ୱାରା, ଅର୍ଥାତ୍‍, ଅଶୂରର ରାଜା ଦ୍ୱାରା ମସ୍ତକ, ପଦର ଲୋମ କ୍ଷୌର କରିବେ ଓ ତଦ୍ଦ୍ୱାରା ଦାଢ଼ି ମଧ୍ୟ ନଷ୍ଟ ହେବ ।
\v 21 ସେହି ଦିନ କେହି ଗୋଟିଏ ଯୁବତୀ ଗାଭୀ ଓ ଦୁଇ ଗୋଟି ମେଷ ପୋଷିଲେ,
\v 22 ସେମାନଙ୍କ ଦତ୍ତ ଦୁଗ୍‍ଧର ବାହୁଲ୍ୟରେ ସେ ଦଧି ଖାଇବ; କାରଣ ଦେଶ ମଧ୍ୟରେ ଅବଶିଷ୍ଟ ସମସ୍ତ ଲୋକ ଦଧି ଓ ମଧୁ ଖାଇବେ ।
\s5
\v 23 ଆହୁରି, ଯେ ଯେ ସ୍ଥାନରେ ସହସ୍ର ରୌପ୍ୟ ମୁଦ୍ରା ମୂଲ୍ୟର ଦ୍ରାକ୍ଷାଲତା ଥିଲା, ସେଦିନ ସେ ପ୍ରତ୍ୟେକ ସ୍ଥାନ କାନକୋଳି ଓ କଣ୍ଟକ ବୃକ୍ଷମୟ ହେବ ।
\v 24 ପୁଣି, ସମୁଦାୟ ଦେଶ କାନକୋଳି ଓ କଣ୍ଟକ ବୃକ୍ଷମୟ ହେବାରୁ ଲୋକେ ତୀର ଓ ଧନୁ ନେଇ ସେସ୍ଥାନକୁ ଯିବେ ।
\v 25 ଆଉ, ଯେସବୁ ପର୍ବତ କୋଡ଼ିରେ ଖୋଳା ହୋଇଥିଲା, ତୁମ୍ଭେ କାନକୋଳି ଓ କଣ୍ଟକ ବନର ଭୟରେ ସେ ସ୍ଥାନକୁ ଗମନ କରିବ ନାହିଁ, ମାତ୍ର ତାହା ବଳଦର ଚରାସ୍ଥାନ ଓ ମେଷର ପାଦ ତଳେ ଦଳିତ ହେବାର ସ୍ଥାନ ହେବ ।
\s5
\c 8
\s ଅଶୂରର ରାଜାର ଆକ୍ରମଣ
\p
\v 1 ପୁଣି, ସଦାପ୍ରଭୁ ମୋତେ କହିଲେ, "ତୁମ୍ଭେ ଏକ ଖଣ୍ଡ ବୃହତ ଫଳକ ନେଇ ପ୍ରଚଳିତ ଅକ୍ଷରରେ ତହିଁ ଉପରେ ଏହି କଥା ଲେଖ, ମହେର-ଶାଲଲହାଶ୍‍-ବସ୍‍ (ଲୁଟିତ ଶୀଘ୍ର ଆସୁଅଛି, ଲୁଟିତିତ ଦ୍ରବ୍ୟ ଶୀଘ୍ର ଗମନ କରୁଅଛି)
\v 2 ଆଉ, ମୁଁ ପ୍ରମାଣର ନିମନ୍ତେ ଉରୀୟ ଯାଜକ ଓ ଯିବୋରିଖୀୟର ପୁତ୍ର ଯିଖରୀଅକୁ ଆପଣାର ବିଶ୍ୱସ୍ତ ସାକ୍ଷୀ କରିବି ।
\s5
\v 3 ଏଥିଉତ୍ତାରେ ମୁଁ ଭବିଷ୍ୟଦ୍‍ବକ୍ତ୍ରୀଠାରେ ଗମନ କରନ୍ତେ, ସେ ଗର୍ଭବତୀ ହୋଇ ଏକ ପୁତ୍ର ପ୍ରସବ କଲା । ତେବେ ସଦାପ୍ରଭୁ ମୋତେ କହିଲେ, "ତାହାର ନାମ ମହେର-ଶାଲଲହାଶ୍‍-ବସ୍‍ ରଖ ।
\v 4 କାରଣ ବାଳକ ମୋହର ପିତା ଓ ମୋହର ମାତା ବୋଲି ଡାକିବା ପାଇଁ ଜ୍ଞାନ ପାଇବା ପୂର୍ବେ ଦାମାସ୍‍କସ୍‍ ଧନ ଓ ଶମରୀୟାର ଲୁଟିତ ଅଶୂର ରାଜାର ଆଗେ ଆଗେ ବହି ନିଆଯିବ ।"
\s5
\v 5 ଏଥିଉତ୍ତାରେ ସଦାପ୍ରଭୁ ମୋତେ ପୁନର୍ବାର କହିଲେ,
\v 6 "ଏହି ଲୋକମାନେ ଶୀଲୋହର ମନ୍ଦଗାମୀ ସ୍ରୋତ ଅଗ୍ରାହ୍ୟ କରି ରତ୍ସୀନ ଓ ରମଲୀୟର ପୁତ୍ରଠାରେ ଆନନ୍ଦ କରୁଅଛନ୍ତି;
\v 7 ଏହେତୁ ଦେଖ, ପ୍ରଭୁ ଏବେ ନଦୀର ପ୍ରବଳ, ଅପାର ଜଳ ସ୍ୱରୂପ ଅଶୂରର ରାଜାକୁ ଓ ତାହାର ସମସ୍ତ ପ୍ରତାପକୁ ସେମାନଙ୍କ ଉପରେ ଆଣୁଅଛନ୍ତି; ତହୁଁ ସେ ଆପଣାର ସମସ୍ତ ଜଳପ୍ରଣାଳୀ ଉପରେ ବଢ଼ି ଆପଣାର ବନ୍ଧ ଉପର ଦେଇ ଚାଲିଯିବ;
\s5
\v 8 ଆଉ, ସେ ପ୍ରବଳ ରୂପେ ଆଗକୁ ବଢ଼ି ଯିହୁଦା ପର୍ଯ୍ୟନ୍ତ ଯିବ; ସେ ଉଚ୍ଛୁଳି ଉଠି ବ୍ୟାପି ଯିବ; ସେ କଣ୍ଠ ସରିକି ଉଠିବ; ପୁଣି, ହେ ଇମ୍ମାନୁୟେଲ, ତାହାର ପକ୍ଷର ବିସ୍ତୃତି ଦ୍ୱାରା ତୁମ୍ଭ ଦେଶର ପ୍ରସ୍ଥ ବ୍ୟାପ୍ତ ହେବ ।"
\s5
\v 9 ହେ ଗୋଷ୍ଠୀସମୂହ, ତୁମ୍ଭେମାନେ କୋଳାହଳ କର, ମଧ୍ୟ ତୁମ୍ଭେମାନେ ଭଗ୍ନ ହେବ; ପୁଣି, ହେ ଦୂରଦେଶୀୟ ଲୋକ ସମସ୍ତେ, ତୁମ୍ଭେମାନେ କର୍ଣ୍ଣପାତ କର; ତୁମ୍ଭେମାନେ କଟି ବନ୍ଧନ କର, ମଧ୍ୟ ଭଗ୍ନ ହେବ ।
\v 10 ଏକତ୍ର ମନ୍ତ୍ରଣା କର, ମଧ୍ୟ ତାହା ନିଷ୍ଫଳ ହେବ; କଥା କୁହ, ମଧ୍ୟ ତାହା ସ୍ଥିର ହେବ ନାହିଁ; ଯେହେତୁ ପରମେଶ୍ୱର ଆମ୍ଭମାନଙ୍କ ସହିତ ଅଛନ୍ତି ।
\s ପରମେଶ୍ୱରଙ୍କ ଆଦେଶ
\p
\s5
\v 11 କାରଣ ସଦାପ୍ରଭୁ ପ୍ରବଳ ହସ୍ତରେ ଧରି ମୋତେ ଏହିପରି କହିଲେ ଓ ମୁଁ ଯେପରି ଏହି ଲୋକମାନଙ୍କ ପଥରେ ଗମନ ନ କରିବି, ଏଥିପାଇଁ ମୋତେ ଆଦେଶ ଦେଇ କହିଲେ,
\v 12 ଏହି ଲୋକମାନେ ଯେଉଁ ସବୁ ବିଷୟକୁ ଚକ୍ରାନ୍ତ ବୋଲି କହିବେ; ତୁମ୍ଭେମାନେ ସେସବୁକୁ ଚକ୍ରାନ୍ତ ବୋଲି କୁହ ନାହିଁ; କିଅବା ସେମାନଙ୍କର ଭୟ ବିଷୟକୁ ତୁମ୍ଭେମାନେ ଭୟ କର ନାହିଁ, ଅବା ତହିଁ ବିଷୟରେ ତ୍ରାସଯୁକ୍ତ ହୁଅ ନାହିଁ ।
\v 13 ସୈନ୍ୟାଧିପତି ସଦାପ୍ରଭୁଙ୍କୁ ହିଁ ତୁମ୍ଭେମାନେ ପବିତ୍ର ରୂପେ ମାନ୍ୟ କରିବ, ପୁଣି, ସେ ତୁମ୍ଭମାନଙ୍କର ଭୟସ୍ଥାନ ହେଉନ୍ତୁ ଓ ସେ ତୁମ୍ଭମାନଙ୍କର ତ୍ରାସଭୂମି ହେଉନ୍ତୁ ।
\s5
\v 14 ତହିଁରେ ସେ ପବିତ୍ର ଆଶ୍ରୟ ସ୍ୱରୂପ ହେବେ, ମାତ୍ର ଇସ୍ରାଏଲର ଉଭୟ ବଂଶ ପ୍ରତି ବିଘ୍ନଜନକ ପ୍ରସ୍ତର ଓ ବାଧାଜନକ ପାଷାଣ ହେବେ, ଯିରୂଶାଲମ ନିବାସୀମାନଙ୍କ ପ୍ରତି ଫାଶ ଓ ଫାନ୍ଦ ସ୍ୱରୂପ ହେବେ ।
\v 15 ଆଉ, ଅନେକ ଲୋକ ତଦ୍ଦ୍ୱାରା ବିଘ୍ନ ପାଇ ପତିତ ଓ ଭଗ୍ନ ହେବେ ଓ ଫାନ୍ଦରେ ପଡ଼ି ଧରାଯିବେ ।
\s5
\v 16 ତୁମ୍ଭେ ଏହି ପ୍ରମାଣବାକ୍ୟ ବାନ୍ଧ, ମୋ' ଶିଷ୍ୟମାନଙ୍କ ମଧ୍ୟରେ ବ୍ୟବସ୍ଥା ମୁଦ୍ରାଙ୍କିତ କର ।
\v 17 ପୁଣି, ଯେ ଯାକୁବ-ବଂଶଠାରୁ ଆପଣା ମୁଖ ଆଚ୍ଛାଦନ କରନ୍ତି, ମୁଁ ସେହି ସଦାପ୍ରଭୁଙ୍କର ଅପେକ୍ଷା କରିବି ଓ ତାହାଙ୍କ ପାଇଁ ଅନାଇ ରହିବି ।
\v 18 ଦେଖ, ମୁଁ ଓ ସଦାପ୍ରଭୁଙ୍କ ଦ୍ୱାରା ମୋତେ ଦତ୍ତ ସନ୍ତାନଗଣ ସିୟୋନ ପର୍ବତନିବାସୀ ସୈନ୍ୟାଧିପତି ସଦାପ୍ରଭୁଙ୍କଠାରୁ ଇସ୍ରାଏଲ ମଧ୍ୟରେ ଚିହ୍ନ ଓ ଅଦ୍ଭୁତ ଲକ୍ଷଣ ସ୍ୱରୂପ ଅଟୁ ।
\s5
\v 19 ପୁଣି, ଯେତେବେଳେ ସେମାନେ ତୁମ୍ଭମାନଙ୍କୁ କହିବେ, ଯେଉଁ ଭୂତୁଡ଼ିଆ ଓ ଗୁଣିଆମାନେ ଗଣ ଗଣ ଓ ଫୁସ୍‍ ଫୁସ୍‍ କରି କହନ୍ତି, ସେମାନଙ୍କର ଅନ୍ଵେଷଣ କର; (ତୁମ୍ଭେମାନେ କୁହ) ଲୋକମାନେ କ'ଣ ଆପଣାମାନଙ୍କ ପରମେଶ୍ୱରଙ୍କ ଅନ୍ଵେଷଣ କରିବେ ନାହିଁ ? ସେମାନେ କ'ଣ ଜୀବିତମାନଙ୍କ ସପକ୍ଷରେ ମୃତମାନଙ୍କର ଅନ୍ଵେଷଣ କରିବେ ?
\v 20 ବ୍ୟବସ୍ଥା ଓ ପ୍ରମାଣବାକ୍ୟରେ ଅନ୍ଵେଷଣ କର । ଯଦି ସେମାନେ ଏହି ବାକ୍ୟାନୁସାରେ କଥା ନ କହନ୍ତି, ତେବେ ନିଶ୍ଚୟ ସେମାନଙ୍କ ନିମନ୍ତେ ଅରୁଣୋଦୟ ନାହିଁ ।
\s5
\v 21 ପୁଣି, ସେମାନେ ଅତି କ୍ଳିଷ୍ଟ ଓ କ୍ଷୁଧିତ ହୋଇ ଦେଶ ମଧ୍ୟ ଦେଇ ଗମନ କରିବେ, ଆଉ କ୍ଷୁଧିତ ହେଲେ, ସେମାନେ ବିରକ୍ତ ହୋଇ ଆପଣାମାନଙ୍କ ରାଜାଙ୍କ ଦ୍ୱାରା ଓ ଆପଣାମାନଙ୍କ ପରମେଶ୍ୱରଙ୍କ ଦ୍ୱାରା ଅଭିଶାପ ଦେଇ ଉର୍ଦ୍ଧ୍ୱ ଆଡ଼କୁ ଆପଣା ଆପଣା ମୁଖ କରିବେ;
\v 22 ପୁଣି, ସେମାନେ ଭୂମି ଆଡ଼େ ନିରୀକ୍ଷଣ କରିବେ, ଆଉ ଦେଖ, ସଙ୍କଟ ଓ ଅନ୍ଧକାର, ଯାତନାରୂପ ତିମିର; ପୁଣି, ସେମାନେ ନିବିଡ଼ ଅନ୍ଧକାରକୁ ତାଡ଼ିତ ହେବେ ।
\s5
\c 9
\s ଭାବି ରାଜା
\p
\v 1 ମାତ୍ର ପୂର୍ବେ (ଯେଉଁ ଦେଶ) ବେଦନାଗ୍ରସ୍ତ ଥିଲା, ତାହା ତିମିରାବୃତ ହୋଇ ରହିବ ନାହିଁ । ପୂର୍ବ କାଳରେ ସେ ସବୂଲୂନ୍‍ ଦେଶ ଓ ନପ୍ତାଲି ଦେଶକୁ ତୁଚ୍ଛନୀୟ କରିଥିଲେ, ମାତ୍ର ଶେଷ କାଳରେ ସେ ତାହାକୁ ସମୁଦ୍ର ପଥର ନିକଟବର୍ତ୍ତୀ, ଯର୍ଦ୍ଦନର ସେପାରିସ୍ଥ, ଗୋଷ୍ଠୀଗଣର ଗାଲିଲୀକୁ ସମ୍ଭ୍ରାନ୍ତ କରିବେ ।
\v 2 ଯେଉଁ ଗୋଷ୍ଠୀ ଅନ୍ଧକାରରେ ଭ୍ରମଣ କଲେ, ସେମାନେ ମହାଆଲୁଅ ଦେଖିଅଛନ୍ତି; ଯେଉଁମାନେ ମୃତ୍ୟୁଚ୍ଛାୟାରୂପ ଦେଶରେ ବାସ କଲେ, ସେମାନଙ୍କ ଉପରେ ଦୀପ୍ତି ଉଦିତ ହୋଇଅଛି ।
\s5
\v 3 ତୁମ୍ଭେ ସେହି ଦେଶୀୟ ଲୋକଙ୍କୁ ବହୁସଂଖ୍ୟକ କରି ସେମାନଙ୍କର ଆନନ୍ଦ ବୃଦ୍ଧି କରିଅଛ; ସେମାନେ ଶସ୍ୟ ଛେଦନର ଆନନ୍ଦ ପ୍ରାୟ ଆନନ୍ଦ କରନ୍ତି, ଲୁଟିତ ବିଭାଗ କରିବା ସମୟର ତୁଲ୍ୟ ଉଲ୍ଲାସିତ ହୁଅନ୍ତି,
\s5
\v 4 କାରଣ ମିଦୀୟନର ଦିନରେ ଯେପରି, ସେପରି ତୁମ୍ଭେ ତାହାର ଭାର ସ୍ୱରୂପ ଯୁଆଳି ଓ ତାହାର ସ୍କନ୍ଧସ୍ଥିତ ବାହୁଙ୍ଗି, ତାହାର ଉପଦ୍ରବକାରୀର ଦଣ୍ଡ ଭାଙ୍ଗି ପକାଇଅଛ ।
\v 5 ଏହେତୁ କଳହରେ ସଜ୍ଜିତ ଲୋକର ସମସ୍ତ ଅସ୍ତ୍ରଶସ୍ତ୍ର ଓ ରକ୍ତରେ ଜଡ଼ିତ ବସ୍ତ୍ରସବୁ ଜ୍ୱଳନୀୟ ଦ୍ରବ୍ୟ, ଅଗ୍ନି ପାଇଁ କାଷ୍ଠ ସ୍ୱରୂପ ହେବ ।
\s5
\v 6 କାରଣ ଆମ୍ଭମାନଙ୍କ ନିମନ୍ତେ ଏକ ବାଳକ ଜନ୍ମିଅଛନ୍ତି, ଆମ୍ଭମାନଙ୍କୁ ଏକ ପୁତ୍ର ଦତ୍ତ ହୋଇଅଛନ୍ତି ଓ ତାହାଙ୍କ ସ୍କନ୍ଧରେ କର୍ତ୍ତୃତ୍ୱଭାର ଥୁଆଯିବ; ପୁଣି, ତାହାଙ୍କର ନାମ ଆଶ୍ଚର୍ଯ୍ୟ, ମନ୍ତ୍ରୀ, ପରାକ୍ରାନ୍ତ ପରମେଶ୍ୱର, ଅନନ୍ତକାଳୀନ ପିତା, ଶାନ୍ତିରାଜା ହେବ ।
\v 7 ତାହାଙ୍କ କର୍ତ୍ତୃତ୍ୱବୃଦ୍ଧି ଓ ଶାନ୍ତିର ସୀମା ରହିବ ନାହିଁ, ସେ ଦାଉଦଙ୍କର ସିଂହାସନରେ ଓ ତାହାଙ୍କର ରାଜ୍ୟରେ ଉପବିଷ୍ଟ ହୋଇ ନ୍ୟାୟବିଚାର ଓ ଧାର୍ମିକତାରେ ଏ କ୍ଷଣଠାରୁ ଅନନ୍ତ କାଳ ପର୍ଯ୍ୟନ୍ତ ତାହା ସୁସ୍ଥିର ଓ ସୁଦୃଢ଼ କରିବେ । ସୈନ୍ୟାଧିପତି ସଦାପ୍ରଭୁଙ୍କ ଉଦ୍‍ଯୋଗ ଏହା ସାଧନ କରିବ ।
\s ଅହଂକାର ଓ ଅତ୍ୟାଚାରର ଶାସ୍ତି
\p
\s5
\v 8 ଯାକୁବ ମଧ୍ୟକୁ ପ୍ରଭୁ ଏକ ବାକ୍ୟ ପ୍ରେରଣ କଲେ ଓ ତାହା ଇସ୍ରାଏଲ ଉପରେ ପଡ଼ିଅଛି,
\v 9 ପୁଣି ସମସ୍ତ ଲୋକ, ଇଫ୍ରୟିମ ଓ ଶମରୀୟାର ନିବାସୀମାନେ ହିଁ ତାହା ଜାଣିବେ; ସେମାନେ ଅହଙ୍କାରରେ ଓ ଦର୍ପଚିତ୍ତରେ କହନ୍ତି,
\v 10 ଇଟାସବୁ ପଡ଼ି ଯାଇଅଛି ନିଶ୍ଚୟ, ମାତ୍ର ଆମ୍ଭେମାନେ କଟା ପ୍ରସ୍ତରରେ ନିର୍ମାଣ କରିବା; ଡିମ୍ୱିରି ବୃକ୍ଷସବୁ ହଣା ହୋଇଅଛି ନିଶ୍ଚୟ, ମାତ୍ର ଆମ୍ଭେମାନେ ତହିଁ ପରିବର୍ତ୍ତରେ ଏରସ ବୃକ୍ଷ ବଢ଼ାଇବା ।
\s5
\v 11 ଏହେତୁ ସଦାପ୍ରଭୁ ତାହାର ପ୍ରତିକୂଳରେ ରତ୍ସୀନର ବିପକ୍ଷଗଣକୁ ଉନ୍ନତ କରିବେ ଓ ତାହାର ଶତ୍ରୁଗଣକୁ ଉତ୍ତେଜିତ କରିବେ;
\v 12 ସମ୍ମୁଖରେ ଅରାମୀୟମାନେ ଓ ପଶ୍ଚାତରେ ପଲେଷ୍ଟୀୟମାନେ ହେବେ; ଆଉ, ସେମାନେ ପ୍ରସାରିତ ମୁଖରେ ଇସ୍ରାଏଲକୁ ଗ୍ରାସ କରିବେ । ଏସବୁ ହେଲେ ହେଁ ତାହାଙ୍କର କ୍ରୋଧ ନିବୃତ୍ତ ହୁଏ ନାହିଁ, ମାତ୍ର ତାହାଙ୍କର ହସ୍ତ ପୂର୍ବ ପରି ବିସ୍ତାରିତ ହୋଇ ରହିଅଛି ।
\s5
\v 13 ତଥାପି ଲୋକମାନଙ୍କୁ ଯେ ପ୍ରହାର କରିଅଛନ୍ତି, ତାହାଙ୍କ ନିକଟକୁ ସେମାନେ ଫେରି ନାହାନ୍ତି, କିଅବା ସେମାନେ ସୈନ୍ୟାଧିପତି ସଦାପ୍ରଭୁଙ୍କର ଅନ୍ଵେଷଣ କରି ନାହାନ୍ତି ।
\v 14 ଏହେତୁ ସଦାପ୍ରଭୁ ଇସ୍ରାଏଲର ମସ୍ତକ ଓ ଲାଙ୍ଗୁଳ, ତାଳବାହୁଙ୍ଗା ଓ ଜଳଜ ତୃଣ ଏକାଦିନରେ କାଟି ପକାଇବେ ।
\v 15 ପ୍ରାଚୀନ ଓ ସମ୍ଭ୍ରାନ୍ତ ଲୋକ ସେହି ମସ୍ତକ, ପୁଣି, ମିଥ୍ୟା ଶିକ୍ଷାଦାୟୀ ଭବିଷ୍ୟଦ୍‍ବକ୍ତା ଲାଙ୍ଗୁଳ,
\s5
\v 16 କାରଣ ଏହି ଲୋକମାନଙ୍କର ପଥପ୍ରଦର୍ଶକମାନେ ସେମାନଙ୍କୁ ଭ୍ରାନ୍ତ କରାନ୍ତି, ପୁଣି, ଯେଉଁମାନେ ସେମାନଙ୍କ ଦ୍ୱାରା ପଥ କଢ଼ାଯା'ନ୍ତି, ସେମାନେ ବିନଷ୍ଟ ହୁଅନ୍ତି ।
\v 17 ଏଣୁ ସଦାପ୍ରଭୁ ସେମାନଙ୍କ ଯୁବକମାନଙ୍କଠାରେ ଆନନ୍ଦ କରିବେ ନାହିଁ, କିଅବା ସେମାନଙ୍କର ପିତୃହୀନ ବାଳକ ଓ ବିଧବାଗଣ ପ୍ରତି ଦୟା କରିବେ ନାହିଁ; ଯେହେତୁ ପ୍ରତ୍ୟେକ ଲୋକ ଧର୍ମହୀନ ଓ ଦୁରାଚାରୀ ଓ ପ୍ରତ୍ୟେକ ମୁଖ ମିଥ୍ୟାବାଦୀ । ଏସବୁ ହେଲେ ହେଁ ତାହାଙ୍କର କ୍ରୋଧ ନିବୃତ୍ତ ହୁଏ ନାହିଁ, ମାତ୍ର ତାହାଙ୍କର ହସ୍ତ ପୂର୍ବ ପରି ବିସ୍ତାରିତ ହୋଇ ରହିଅଛି ।
\s5
\v 18 ଯେହେତୁ ଦୁଷ୍ଟତା ଅଗ୍ନି ପରି ଜ୍ୱଳେ; ତାହା କାନକୋଳି ଓ କଣ୍ଟକ ବୃକ୍ଷ ଗ୍ରାସ କରେ; ଆହୁରି, ତାହା ବନର ନିବିଡ଼ ସ୍ଥାନରେ ଜ୍ୱଳି ଘନ ମେଘ ତୁଲ୍ୟ ଧୂମ ହୋଇ ଉପରକୁ ଉଠେ ।
\v 19 ସୈନ୍ୟାଧିପତି ସଦାପ୍ରଭୁଙ୍କ କୋପରେ ଦେଶ ଦଗ୍‍ଧ ହୋଇଅଛି; ମଧ୍ୟ ଲୋକମାନେ ଅଗ୍ନି ପାଇଁ କାଷ୍ଠ ତୁଲ୍ୟ ଅଟନ୍ତି; କେହି ଆପଣା ଭ୍ରାତାକୁ ଦୟା କରେ ନାହିଁ ।
\s5
\v 20 ତହିଁରେ ଲୋକେ ଦକ୍ଷିଣ ହସ୍ତରେ ଛଡ଼ାଇବେ, ପୁଣି, କ୍ଷୁଧିତ ହେବେ; ପୁଣି, ବାମ ହସ୍ତରେ ଭୋଜନ କରିବେ ଓ ତୃପ୍ତ ହେବେ ନାହିଁ; ସେମାନେ ପ୍ରତ୍ୟେକେ ଆପଣା ଆପଣା ବାହୁର ମାଂସ ଭୋଜନ କରିବେ;
\v 21 ମନଃଶି ଇଫ୍ରୟିମର ଓ ଇଫ୍ରୟିମ ମନଃଶିର, ପୁଣି, ସେମାନେ ଏକତ୍ର ହୋଇ ଯିହୁଦାର ପ୍ରତିକୂଳ ହେବେ । ଏସବୁ ହେଲେ ହେଁ ତାହାଙ୍କର କ୍ରୋଧ ନିବୃତ୍ତ ହୁଏ ନାହିଁ, ମାତ୍ର ତାହାଙ୍କର ହସ୍ତ ପୂର୍ବ ପରି ବିସ୍ତାରିତ ହୋଇ ରହିଅଛି ।
\s5
\c 10
\p
\v 1 ଯେଉଁମାନେ ଅଧର୍ମ ବ୍ୟବସ୍ଥା ସ୍ଥାପନ କରନ୍ତି ଓ ଯେଉଁ ଲେଖକମାନେ ଉପଦ୍ରବର କଥା ଲେଖନ୍ତି, ସେମାନେ ସନ୍ତାପର ପାତ୍ର !
\v 2 ସେମାନେ ବିଧବାମାନଙ୍କୁ ଆପଣାମାନଙ୍କର ଲୁଟିତିତ ଦ୍ରବ୍ୟ ସ୍ୱରୂପ କରିବା ପାଇଁ, ପିତୃହୀନମାନଙ୍କୁ ଆପଣାମାନଙ୍କର ମୃଗୟା ସ୍ୱରୂପ କରିବା ପାଇଁ, ଦରିଦ୍ରମାନଙ୍କୁ ନ୍ୟାୟବିଚାରରୁ ଫେରାଇ ଦିଅନ୍ତି ଓ ମୋହର ଦୁଃଖୀ ଲୋକମାନଙ୍କର ଅଧିକାର ହରଣ କରନ୍ତି ।
\s5
\v 3 ଏଣୁ ପ୍ରତିଫଳ ଦେବାର ଦିନରେ ଓ ଦୂରରୁ ଆସନ୍ତା ବିନାଶ ସମୟରେ ତୁମ୍ଭେମାନେ କଅଣ କରିବ ? ସାହାଯ୍ୟ ନିମନ୍ତେ ତୁମ୍ଭେମାନେ କାହା ନିକଟକୁ ପଳାଇବ ? ଓ ତୁମ୍ଭମାନଙ୍କର ପ୍ରତାପ କେଉଁଠାରେ ରଖିବ ?
\v 4 ସେମାନେ କେବଳ ବନ୍ଦୀ ଲୋକମାନଙ୍କର ପଦ ତଳେ ନତ ହେବେ ଓ ହତ ଲୋକମାନଙ୍କର ତଳେ ପଡ଼ିବେ । ଏସବୁ ହେଲେ ହେଁ ତାହାଙ୍କର କ୍ରୋଧ ନିବୃତ୍ତ ହୁଏ ନାହିଁ, ମାତ୍ର ତାହାଙ୍କର ହସ୍ତ ପୂର୍ବ ପରି ବିସ୍ତାରିତ ହୋଇ ରହିଅଛି ।
\s ଈଶ୍ୱରଙ୍କ ଅସ୍ତ୍ର-ଅଶୂର
\p
\s5
\v 5 ହାୟ ଅଶୂର ! ସେ ଆମ୍ଭର କ୍ରୋଧରୂପ ଦଣ୍ଡ, ତାହାର ହସ୍ତରେ ଆମ୍ଭର କୋପରୂପ ଯଷ୍ଟି ଅଛି ।
\v 6 ଆମ୍ଭେ ତାହାକୁ ଲୁଟିତିତ ଦ୍ରବ୍ୟ ଓ ମୃଗୟା ନେଇ ଯିବା ନିମନ୍ତେ ଓ ଲୋକମାନଙ୍କୁ ବାଟର କାଦୁଅ ତୁଲ୍ୟ ଦଳିତ କରିବା ନିମନ୍ତେ ଧର୍ମହୀନ ଗୋଷ୍ଠୀର ଓ ଆମ୍ଭ କ୍ରୋଧପାତ୍ର ଲୋକମାନଙ୍କ ବିରୁଦ୍ଧରେ ଆଜ୍ଞା ଦେବା ।
\s5
\v 7 ତଥାପି ତାହାର ଅଭିପ୍ରାୟ ସେପରି ନୁହେଁ, କିଅବା ତାହାର ହୃଦୟ ସେପରି ଭାବେ ନାହିଁ; ମାତ୍ର ବିନାଶ କରିବାକୁ ଓ ଅନେକ ଗୋଷ୍ଠୀଙ୍କୁ ଉଚ୍ଛିନ୍ନ କରିବାକୁ ତାହାର ହୃଦୟରେ ଅଛି ।
\v 8 କାରଣ ସେ କହେ, ଆମ୍ଭର ଅଧିପତିଗଣ ସମସ୍ତେ କି ରାଜା ନୁହନ୍ତି ?
\v 9 କଲ୍‍ନୋ କି କର୍କମୀଶ୍‍ର ତୁଲ୍ୟ ନୁହେଁ ? ହମାତ୍‍ କି ଅର୍ପଦର ତୁଲ୍ୟ ନୁହେଁ ? ଶମରୀୟା କି ଦାମାସ୍‍କସ୍‍ ତୁଲ୍ୟ ନୁହେଁ ?
\s5
\v 10 ଯେଉଁ ପ୍ରତିମାଗଣର ରାଜ୍ୟସକଳର ଖୋଦିତ ମୂର୍ତ୍ତିସମୂହ, ଯିରୂଶାଲମର ଓ ଶମରୀୟାର ମୂର୍ତ୍ତିଗଣ ଅପେକ୍ଷା ଶ୍ରେଷ୍ଠ, ସେହି ସବୁ ରାଜ୍ୟ ଆମ୍ଭର ହସ୍ତଗତ ହୋଇଅଛି;
\v 11 ଆମ୍ଭେ ଶମରୀୟା ଓ ତାହାର ପ୍ରତିମାଗଣ ପ୍ରତି ଯେପରି କରିଅଛୁ, ଯିରୂଶାଲମ ଓ ତାହାର ପ୍ରତିମାଗଣ ପ୍ରତି କ'ଣ ସେପରି କରିବା ନାହିଁ ?
\s5
\v 12 ଏହେତୁ ଏପରି ଘଟିବ ଯେ, ପ୍ରଭୁ ସିୟୋନ ପର୍ବତରେ ଓ ଯିରୂଶାଲମରେ ଆପଣାର ସମସ୍ତ କାର୍ଯ୍ୟ ସାଧନ କଲା ଉତ୍ତାରେ ଆମ୍ଭେ ଅଶୂର-ରାଜର ଅହଙ୍କାରମୟ ଚିତ୍ତରୂପ ଫଳର ଓ ତାହାର ଉଚ୍ଚ ଦୃଷ୍ଟିରୂପ ଆଡ଼ମ୍ବରର ପ୍ରତିଫଳ ଦେବା ।
\v 13 କାରଣ ସେ କହିଅଛି, ମୁଁ ବୁଦ୍ଧିମାନ ହେବାରୁ ଆପଣା ହସ୍ତର ବଳ ଓ ଆପଣା ଜ୍ଞାନ ଦ୍ୱାରା ଏହା କରିଅଛି; ପୁଣି, ମୁଁ ନାନା ଗୋଷ୍ଠୀର ସୀମା ଦୂର କରିଅଛି ଓ ସେମାନଙ୍କର ସଞ୍ଚିତ ଧନ ହରଣ କରିଅଛି, ଆଉ ମୁଁ ବିକ୍ରମଶାଳୀ ଲୋକ ତୁଲ୍ୟ ସିଂହାସନୋପବିଷ୍ଟ ଲୋକମାନଙ୍କୁ ତଳକୁ ଓହ୍ଲାଇ ଆଣିଅଛି;
\s5
\v 14 ପୁଣି, ମୋହର ହସ୍ତ ନାନା ଗୋଷ୍ଠୀର ଧନ ପକ୍ଷୀର ବସା ତୁଲ୍ୟ ପ୍ରାପ୍ତ ହୋଇଅଛି ଓ କେହି ଯେପରି ତ୍ୟକ୍ତ ଡିମ୍ବ ସଂଗ୍ରହ କରେ, ସେପରି ମୁଁ ସମୁଦାୟ ପୃଥିବୀକୁ ସଂଗ୍ରହ କରିଅଛି; ଆଉ, ପକ୍ଷ ହଲାଇବାକୁ କିଅବା ଚଞ୍ଚୁ ଫିଟାଇବାକୁ ଅବା ଚିଁ ଚିଁ ଶବ୍ଦ କରିବାକୁ କେହି ନ ଥିଲା ।
\s5
\v 15 କୁରାଢି କ'ଣ ତଦ୍ଦ୍ୱାରା ଛେଦନକର୍ତ୍ତା ବିରୁଦ୍ଧରେ ଦର୍ପ କରିବ ? କରତ କ'ଣ କରତୀୟାର ପ୍ରତିକୂଳରେ ଆପଣାକୁ ଶ୍ରେଷ୍ଠ କରିବ ? ଯେଉଁମାନେ ଦଣ୍ଡ ଉଠାନ୍ତି, ଦଣ୍ଡ କ'ଣ ସେମାନଙ୍କୁ ହଲାଇବ ? ଯେ କାଷ୍ଠ ନୁହେଁ, ଯଷ୍ଟି କ'ଣ ତାହାକୁ ଉଠାଇବ ?
\v 16 ଏହେତୁ ପ୍ରଭୁ ସୈନ୍ୟାଧିପତି ସଦାପ୍ରଭୁ ତାହାର ସ୍ଥୂଳକାୟ ଲୋକମାନଙ୍କ ମଧ୍ୟରେ କ୍ଷୀଣତା ପଠାଇବେ ଓ ତାହାର ପ୍ରତାପର ତଳେ ଅଗ୍ନିଦାହ ତୁଲ୍ୟ ଦାହ ହେବ ।
\s5
\v 17 ପୁଣି, ଇସ୍ରାଏଲର ଜ୍ୟୋତିଃ ଅଗ୍ନି ସ୍ୱରୂପ ହେବ ଓ ତାହାର ଧର୍ମସ୍ୱରୂପ ଅଗ୍ନିଶିଖା ସଦୃଶ ହେବେ, ଆଉ ତାହା ଜ୍ୱଳି ଏକ ଦିନରେ ତାହାର କାନକୋଳି ଓ କଣ୍ଟକ ବୃକ୍ଷସବୁ ଗ୍ରାସ କରିବ ।
\v 18 ଆଉ, ସେ ତାହାର ବନ ଓ ଉର୍ବରା କ୍ଷେତ୍ରର ଗୌରବକୁ ପ୍ରାଣ ଓ ଶରୀର ସୁଦ୍ଧା ସଂହାର କରିବେ; ତହିଁରେ ଧ୍ୱଜାଧାରୀ କ୍ଷୀଣ ହେବା ବେଳେ ଯେପରି ହୁଏ, ସେପରି ହେବ ।
\v 19 ପୁଣି, ତାହାର ବନର ଅବଶିଷ୍ଟ ବୃକ୍ଷ ଏତେ ଅଳ୍ପ ହେବ ଯେ, ଗୋଟିଏ ବାଳକ ତାହା ଲେଖି ପାରିବ ।
\s ଇସ୍ରାଏଲର ଅବଶିଷ୍ଟାଂଶଙ୍କ ପ୍ରତ୍ୟାବର୍ତ୍ତନ
\p
\s5
\v 20 ପୁଣି, ସେଦିନରେ ଏପରି ଘଟିବ ଯେ, ଇସ୍ରାଏଲର ଅବଶିଷ୍ଟାଂଶ ଓ ଯାକୁବ-ବଂଶର ରକ୍ଷାପ୍ରାପ୍ତ ଲୋକେ ଆପଣାମାନଙ୍କ ପ୍ରହାରକାରୀର ଉପରେ ଆଉ ନିର୍ଭର କରିବେ ନାହିଁ; ମାତ୍ର ସେମାନେ ସତ୍ୟ ଭାବରେ ଇସ୍ରାଏଲର ଧର୍ମସ୍ୱରୂପ ସଦାପ୍ରଭୁଙ୍କ ଉପରେ ନିର୍ଭର କରିବେ ।
\v 21 ଅବଶିଷ୍ଟାଂଶ, ଅର୍ଥାତ୍‍, ଯାକୁବର ଅବଶିଷ୍ଟାଂଶ, ପରାକ୍ରାନ୍ତ ପରମେଶ୍ୱରଙ୍କ ନିକଟକୁ ଫେରି ଆସିବେ ।
\s5
\v 22 କାରଣ ତୁମ୍ଭ ଇସ୍ରାଏଲ ଲୋକେ ସମୁଦ୍ରର ବାଲି ପରି ହେଲେ ହେଁ ସେମାନଙ୍କର କେବଳ ଅବଶିଷ୍ଟାଂଶ ଫେରି ଆସିବେ; ଧାର୍ମିକତାର ବଢ଼ି ସ୍ୱରୂପ ଉଚ୍ଛିନ୍ନତା ନିରୂପିତ ହୋଇଅଛି ।
\v 23 ଯେହେତୁ ପ୍ରଭୁ, ସୈନ୍ୟାଧିପତି ସଦାପ୍ରଭୁ ସମୁଦାୟ ପୃଥିବୀରେ ଉଚ୍ଛିନ୍ନତା, ନିରୂପିତ ଉଚ୍ଛିନ୍ନତା, ସିଦ୍ଧ କରିବେ ।
\s5
\v 24 ଏହେତୁ ପ୍ରଭୁ, ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ହେ ସିୟୋନ ନିବାସୀ ଆମ୍ଭର ଲୋକମାନେ, ଯଦ୍ୟପି ଅଶୂର ମିସରର ରୀତି ଅନୁସାରେ ତୁମ୍ଭକୁ ଦଣ୍ଡାଘାତ କରେ ଓ ତୁମ୍ଭ ବିପରୀତରେ ଆପଣା ଯଷ୍ଟି ଉଠାଏ, ତଥାପି ତାହା ବିଷୟରେ ଭୀତ ହୁଅ ନାହିଁ ।
\v 25 କାରଣ ଅତ୍ୟଳ୍ପ କାଳ ଉତ୍ତାରେ କ୍ରୋଧ ଓ ସେମାନଙ୍କ ବିନାଶରେ ଆମ୍ଭର କୋପ ସିଦ୍ଧ ହେବ ।
\s5
\v 26 ପୁଣି, ସୈନ୍ୟାଧିପତି ସଦାପ୍ରଭୁ, ଓରେବ ଶୈଳରେ ମିଦୀୟନର ହତ୍ୟା କାଳରେ ଯେପରି କରିଥିଲେ, ସେପରି ତାହାର ପ୍ରତିକୂଳରେ ଆପଣା କୋରଡ଼ା ହଲାଇବେ; ଆଉ, ତାହାଙ୍କର ଦଣ୍ଡ ସାଗର ଉପରେ ରହିବ ଓ ମିସରର ରୀତି ଅନୁସାରେ ସେ ତାହା ଉଠାଇବେ ।
\v 27 ପୁଣି, ସେଦିନରେ ତାହାର ବୋଝ ତୁମ୍ଭ ସ୍କନ୍ଧରୁ ଓ ତାହାର ଯୁଆଳି ତୁମ୍ଭ ଗ୍ରୀବାରୁ ଦୂର କରାଯିବ, ପୁଣି ଅଭିଷେକ ସକାଶୁ ଯୁଆଳି ବିନଷ୍ଟ ହେବ ।
\s5
\v 28 ସେ ଅୟାତକୁ ଆସିଅଛି, ସେ ମିଗ୍ରୋଣ ମଧ୍ୟ ଦେଇ ଯାଇଅଛି; ସେ ମିକ୍‍ମସରେ ଆପଣା ଦ୍ରବ୍ୟ ସାମଗ୍ରୀ ରଖୁଅଛି;
\v 29 ସେମାନେ ଘାଟି ପାର ହୋଇ ଯାଇଅଛନ୍ତି; ସେମାନେ ଗେବାରେ ବସା କରିଅଛନ୍ତି; ରାମା କମ୍ପୁଅଛି; ଶାଉଲର ଗିବୀୟା ପଳାୟନ କରିଅଛି ।
\s5
\v 30 ଆଗୋ ଗଲ୍ଲୀମର କନ୍ୟେ, ତୁମ୍ଭେ ଆପଣା ରବରେ ଉଚ୍ଚ ଶବ୍ଦ କର, ହେ ଲୟିଶ୍‍, କର୍ଣ୍ଣପାତ କର, ଆଃ ଦୁଃଖିନୀ ଅନାଥୋତ୍‍,
\v 31 ମଦମେନା ପଳାତକ ହୋଇଅଛି; ଗେବୀମ ନିବାସୀମାନେ ପଳାଇବା ପାଇଁ ଏକତ୍ର ହେଉଅଛନ୍ତି ।
\v 32 ସେ ଆଜି ନୋବରେ ରହିବ; ସେ ସିୟୋନ କନ୍ୟାର ପର୍ବତ ଯିରୂଶାଲମ ଗିରି ପ୍ରତି ହସ୍ତ ହଲାଉଅଛି ।
\s5
\v 33 ଦେଖ, ପ୍ରଭୁ, ସୈନ୍ୟାଧିପତି ସଦାପ୍ରଭୁ ଭୟଙ୍କର ରୂପରେ ଶାଖାସବୁ କାଟି ପକାଇବେ; ପୁଣି, ଉଚ୍ଚ ଆକୃତିସବୁ ହଣା ଯିବ ଓ ଉନ୍ନତସବୁ ନତ କରାଯିବ ।
\v 34 ସେ ଲୌହ ଦ୍ୱାରା ବନର ନିବିଡ଼ ସ୍ଥାନ ସବୁ କାଟି ପକାଇବେ, ପୁଣି ଏକ ମହାପରାକ୍ରମୀ ଦ୍ୱାରା ଲିବାନୋନ ନିପାତିତ ହେବ ।
\s5
\c 11
\s ଶାନ୍ତି ରାଜ୍ୟ
\p
\v 1 ଏଥିଉତ୍ତାରେ ଯିଶୟର ଗଣ୍ଡିରୁ ଏକ ପଲ୍ଲବ ନିର୍ଗତ ହେବ ଓ ତାହାର ମୂଳରୁ ଏକ ଶାଖା ଉତ୍ପନ୍ନ ହୋଇ ଫଳ ଫଳିବ;
\v 2 ପୁଣି, ସଦାପ୍ରଭୁଙ୍କର ଆତ୍ମା, ଜ୍ଞାନ ଓ ବିବେଚନାର ଆତ୍ମା, ମନ୍ତ୍ରଣା ଓ ପରାକ୍ରମର ଆତ୍ମା, ବୁଦ୍ଧି ଓ ସଦାପ୍ରଭୁ ବିଷୟକ ଭୟର ଆତ୍ମା ତାହାଙ୍କଠାରେ ଅଧିଷ୍ଠାନ କରିବେ;
\s5
\v 3 ସଦାପ୍ରଭୁ ବିଷୟକ ଭୟରେ ତାହାଙ୍କର ଆମୋଦ ହେବ; ପୁଣି, ସେ ଆପଣା ଚକ୍ଷୁର ଦୃଷ୍ଟି ଅନୁସାରେ ବିଚାର କରିବେ ନାହିଁ, କିଅବା ଆପଣା କର୍ଣ୍ଣପ୍ରାନ୍ତରେ ଶ୍ରବଣାନୁସାରେ ଅନୁଯୋଗ କରିବେ ନାହିଁ,
\v 4 ମାତ୍ର ସେ ଧର୍ମରେ ଦୀନହୀନମାନଙ୍କ ବିଚାର କରିବେ ଓ ପୃଥିବୀସ୍ଥ ନମ୍ର ଲୋକମାନଙ୍କ ସକାଶେ ନ୍ୟାୟରେ ଅନୁଯୋଗ କରିବେ; ପୁଣି, ସେ ଆପଣା ମୁଖସ୍ଥିତ ଦଣ୍ଡ ଦ୍ୱାରା ପୃଥିବୀକି ଆଘାତ କରିବେ ଓ ଆପଣା ଓଷ୍ଠାଧରର ନିଃଶ୍ୱାସ ଦ୍ୱାରା ଦୁଷ୍ଟକୁ ସଂହାର କରିବେ ।
\v 5 ଧର୍ମ ତାହାଙ୍କ କଟିଦେଶର ପଟୁକା ଓ ବିଶ୍ୱସ୍ତତା ତାହାଙ୍କ କଟିର ପଟୁକା ହେବ ।
\s5
\v 6 ଆଉ, କେନ୍ଦୁଆ ବାଘ ମେଷଛୁଆ ସଙ୍ଗେ ବାସ କରିବ ଓ ଚିତା ବାଘ ଛେଳିଛୁଆ ସଙ୍ଗେ ଶୟନ କରିବ; ବାଛୁରୀ, ଯୁବାସିଂହ ଓ ହୃଷ୍ଟପୁଷ୍ଟ ପଶୁ ଏକତ୍ର ରହିବେ; ଆଉ, ଏକ ସାନ ପିଲା ସେମାନଙ୍କୁ ଅଡ଼ାଇବ ।
\v 7 ପୁଣି, ଗାଭୀ ଓ ଭଲ୍ଲୁକୀ ଚରିବେ; ସେମାନଙ୍କର ଛୁଆସବୁ ଏକତ୍ର ଶୟନ କରିବେ; ଆଉ, ସିଂହ ବଳଦ ପରି ନଡ଼ା ଖାଇବ ।
\s5
\v 8 ପୁଣି, ସ୍ତନ୍ୟପାୟୀ ଶିଶୁ କାଳସର୍ପର ଗର୍ତ୍ତ ଉପରେ ଖେଳିବ ଓ ତ୍ୟକ୍ତସ୍ତନ୍ୟ ବାଳକ କୃଷ୍ଣସର୍ପର ଗର୍ତ୍ତ ଉପରେ ହସ୍ତ ଥୋଇବ ।
\v 9 ସେମାନେ ଆମ୍ଭ ପବିତ୍ର ପର୍ବତର କୌଣସି ସ୍ଥାନରେ ହିଂସା କି ବିନାଶ କରିବେ ନାହିଁ; କାରଣ ସମୁଦ୍ର ଯେପରି ଜଳରେ ଆଚ୍ଛନ୍ନ, ପୃଥିବୀ ସେପରି ସଦାପ୍ରଭୁ ବିଷୟକ ଜ୍ଞାନରେ ପରିପୂର୍ଣ୍ଣ ହେବ ।
\s5
\v 10 ଆଉ, ସେଦିନରେ ଗୋଷ୍ଠୀଗଣର ଧ୍ୱଜା ରୂପେ ସ୍ଥାପିତ ଯେ ଯିଶୟର ମୂଳ, ନାନା ଦେଶୀୟମାନେ ତାହାଙ୍କର ଅନ୍ଵେଷଣ କରିବେ; ଆଉ, ତାହାଙ୍କର ବିଶ୍ରାମ ସ୍ଥାନ ଗୌରବାନ୍ୱିତ ହେବ ।
\v 11 ଆହୁରି, ସେହି ଦିନରେ ପ୍ରଭୁ ଆପଣା ଲୋକମାନଙ୍କର ଅବଶିଷ୍ଟାଂଶକୁ ଅଶୂରରୁ, ମିସରରୁ ଓ ପଥ୍ରୋଷରୁ, କୂଶରୁ, ଏଲମ୍‍, ଶିନୀୟରରୁ ଓ ହମାତରୁ ଓ ସମୁଦ୍ରର ଦ୍ୱୀପସମୂହରୁ ମୁକ୍ତ କରି ଆଣିବା ନିମନ୍ତେ ପୁନର୍ବାର ଦ୍ୱିତୀୟ ଥର ଆପଣା ହସ୍ତ ସ୍ଥାପନ କରିବେ ।
\s5
\v 12 ପୁଣି, ସେ ଗୋଷ୍ଠୀବର୍ଗ ନିମନ୍ତେ ଗୋଟିଏ ଧ୍ୱଜା ଉଠାଇବେ ଓ ପୃଥିବୀର ଚତୁଷ୍କୋଣରୁ ଇସ୍ରାଏଲର ତାଡ଼ିତ ଲୋକମାନଙ୍କୁ ଏକତ୍ର କରିବେ ଓ ଯିହୁଦାର ଛିନ୍ନଭିନ୍ନ ଲୋକମାନଙ୍କୁ ସଂଗ୍ରହ କରିବେ ।
\v 13 ଆହୁରି, ଇଫ୍ରୟିମର ଈର୍ଷା ଦୂର ହେବ ଓ ଯିହୁଦାକୁ କ୍ଲେଶ ଦେବା ଲୋକମାନେ ଉଚ୍ଛିନ୍ନ ହେବେ; ଇଫ୍ରୟିମ ଯିହୁଦାକୁ ଈର୍ଷା କରିବ ନାହିଁ ଓ ଯିହୁଦା ଇଫ୍ରୟିମକୁ କ୍ଲେଶ ଦେବ ନାହିଁ ।
\s5
\v 14 ପୁଣି, ସେମାନେ ପଶ୍ଚିମ ଦିଗରେ ପଲେଷ୍ଟୀୟମାନଙ୍କ ସ୍କନ୍ଧ ଉପରେ ଝାମ୍ପ ମାରିବେ; ସେମାନେ ଏକତ୍ର ହୋଇ ପୂର୍ବଦେଶୀୟ ସନ୍ତାନଗଣର ଦ୍ରବ୍ୟ ଲୁଟିତ କରିବେ; ସେମାନେ ଇଦୋମ ଓ ମୋୟାବ ଉପରେ ହସ୍ତକ୍ଷେପ କରିବେ ଓ ଅମ୍ମୋନ-ସନ୍ତାନଗଣ ସେମାନଙ୍କର ଆଜ୍ଞାବହ ହେବେ ।
\v 15 ପୁଣି, ସଦାପ୍ରଭୁ ମିସ୍ରୀୟ ସମୁଦ୍ରର ଜିହ୍ୱା ସମ୍ପୂର୍ଣ୍ଣ ରୂପେ ବିନାଶ କରିବେ ଓ ଆପଣାର ଉତ୍ତପ୍ତ ବାୟୁ ଦ୍ୱାରା ନଦୀ ଉପରେ ଆପଣା ହସ୍ତ ହଲାଇବେ, ଆଉ ତାହାକୁ ପ୍ରହାର କରି ସପ୍ତସ୍ରୋତ କରିବେ ଓ ଲୋକମାନଙ୍କୁ ଶୁଷ୍କ ପଦରେ ତହିଁ ମଧ୍ୟ ଦେଇ ଗମନ କରାଇବେ ।
\s5
\v 16 ପୁଣି, ଇସ୍ରାଏଲ ମିସର ଦେଶରୁ ବାହାର ହୋଇ ଆସିବା ବେଳେ ଯେପରି ତାହା ନିମନ୍ତେ ହୋଇଥିଲା, ସେପରି ତାହାଙ୍କ ଲୋକମାନଙ୍କ ଅବଶିଷ୍ଟାଂଶ ନିମନ୍ତେ, ଅର୍ଥାତ୍‍, ଅଶୂର ଦେଶରୁ ଅବଶିଷ୍ଟାଂଶ ଲୋକମାନଙ୍କ ନିମନ୍ତେ ଏକ ରାଜପଥ ହେବ ।
\s5
\c 12
\s ଧନ୍ୟବାଦର ଗୀତ
\p
\v 1 ସେହି ଦିନରେ ତୁମ୍ଭେ କହିବ, "ହେ ସଦାପ୍ରଭୁ, ମୁଁ ତୁମ୍ଭର ଧନ୍ୟବାଦ କରିବି; କାରଣ ତୁମ୍ଭେ ଆମ୍ଭ ପ୍ରତି କ୍ରୁଦ୍ଧ ଥିଲ, ତୁମ୍ଭର କ୍ରୋଧ ନିବୃତ୍ତ ହୋଇଅଛି ଓ ତୁମ୍ଭେ ଆମ୍ଭକୁ ସାନ୍ତ୍ୱନା କରୁଅଛ ।
\v 2 ଦେଖ, ପରମେଶ୍ୱର ଆମ୍ଭର ପରିତ୍ରାଣ; ଆମ୍ଭେ ବିଶ୍ୱାସ କରିବା ଓ ଭୀତ ହେବା ନାହିଁ; କାରଣ ଯିହୋବା ସଦାପ୍ରଭୁ ଆମ୍ଭର ବଳ ଓ ଗାନ; ପୁଣି, ସେ ଆମ୍ଭର ପରିତ୍ରାଣ ହୋଇଅଛନ୍ତି ।"
\s5
\v 3 ଏହେତୁ ତୁମ୍ଭେମାନେ ଆନନ୍ଦରେ ପରିତ୍ରାଣର କୂପସମୂହରୁ ଜଳ କାଢ଼ିବ ।
\v 4 ପୁଣି, ସେଦିନରେ ତୁମ୍ଭେମାନେ କହିବ, "ସଦାପ୍ରଭୁଙ୍କର ଧନ୍ୟବାଦ କର, ତାହାଙ୍କ ନାମରେ ପ୍ରାର୍ଥନା କର, ଗୋଷ୍ଠୀୟମାନଙ୍କ ମଧ୍ୟରେ ତାହାଙ୍କର କ୍ରିୟାସକଳ ପ୍ରଚାର କର, ତାହାଙ୍କର ନାମ ଉନ୍ନତ ବୋଲି ବ୍ୟକ୍ତ କର ।
\s5
\v 5 ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କର; କାରଣ ସେ ମହିମାଯୁକ୍ତ କର୍ମ କରିଅଛନ୍ତି; ତାହା ସମୁଦାୟ ପୃଥିବୀର ଜ୍ଞାତ ହେଉ ।
\v 6 ହେ ସିୟୋନ ନିବାସିନୀ, ତୁମ୍ଭେ ଉଚ୍ଚ ସ୍ୱର କରି ଆନନ୍ଦଧ୍ୱନି କର; କାରଣ ଯେ ଇସ୍ରାଏଲର ଧର୍ମସ୍ୱରୂପ, ସେ ତୁମ୍ଭ ମଧ୍ୟରେ ମହାନ ଅଟନ୍ତି ।"
\s5
\c 13
\s ବାବିଲର ଦଣ୍ଡ
\p
\v 1 ବାବିଲ ବିଷୟକ ଭାରୋକ୍ତି, ଆମୋସର ପୁତ୍ର ଯିଶାଇୟ ଏହି ଦର୍ଶନ ପାଇଲେ ।
\v 2 ତୁମ୍ଭେମାନେ ବୃକ୍ଷଶୂନ୍ୟ ପର୍ବତ ଉପରେ ଧ୍ୱଜା ଟେକ, ଲୋକମାନଙ୍କ ପ୍ରତି ରବ ଉଠାଅ, ହସ୍ତ ହଲାଅ, ସେମାନେ ଅଧିପତିମାନଙ୍କର ନଗର ଦ୍ୱାରରେ ପ୍ରବେଶ କରନ୍ତୁ ।
\v 3 ଆମ୍ଭେ ଆପଣା ପ୍ରତିଷ୍ଠିତ ଲୋକମାନଙ୍କୁ ଆଦେଶ କରିଅଛୁ, ହଁ, ଆମ୍ଭେ ଆପଣା କ୍ରୋଧ ସଫଳାର୍ଥେ ଆମ୍ଭର ବୀରମାନଙ୍କୁ, ଅର୍ଥାତ୍‍, ଆମ୍ଭର ଦର୍ପିତ ଉଲ୍ଲାସକାରୀଗଣଙ୍କୁ ଆହ୍ୱାନ କରିଅଛୁ ।
\s5
\v 4 ପର୍ବତମାନରେ ମହାଜନତାର ନ୍ୟାୟ ଲୋକାରଣ୍ୟର ରବ ହେଉଅଛି ! ଏକତ୍ରୀକୃତ ଗୋଷ୍ଠୀୟମାନଙ୍କ ରାଜ୍ୟସମୂହର କଳରବ ହେଉଅଛି ! ସୈନ୍ୟାଧିପତି ସଦାପ୍ରଭୁ ଯୁଦ୍ଧାର୍ଥେ ସେନା ସଂଗ୍ରହ କରୁଅଛନ୍ତି ।
\v 5 ସେମାନେ, ଅର୍ଥାତ୍‍, ସଦାପ୍ରଭୁ ଓ ତାହାଙ୍କ କ୍ରୋଧରୂପ ଅସ୍ତ୍ରସବୁ ସମୁଦାୟ ଦେଶ ଉଚ୍ଛିନ୍ନ କରିବା ନିମନ୍ତେ ଦୂର ଦେଶରୁ, ଆକାଶମଣ୍ଡଳର ପ୍ରାନ୍ତ ଭାଗରୁ ଆସୁଅଛନ୍ତି ।
\s5
\v 6 ତୁମ୍ଭେମାନେ ହାହାକାର କର; କାରଣ ସଦାପ୍ରଭୁଙ୍କର ଦିନ ନିକଟବର୍ତ୍ତୀ; ସର୍ବଶକ୍ତିମାନଙ୍କ ନିକଟରୁ ପ୍ରଳୟର ନ୍ୟାୟ ତାହା ଆସିବ ।
\v 7 ଏହେତୁ ସକଳ ହସ୍ତ ଦୁର୍ବଳ ହେବ ଓ ପ୍ରତ୍ୟେକ ମାନବ ହୃଦୟ ତରଳି ଯିବ;
\v 8 ପୁଣି, ସେମାନେ ବିହ୍ୱଳ ହେବେ; ଯନ୍ତ୍ରଣା ଓ ବେଦନା ସେମାନଙ୍କୁ ଆକ୍ରାନ୍ତ କରିବ; ସେମାନେ ପ୍ରସବକାରିଣୀ ସ୍ତ୍ରୀ ତୁଲ୍ୟ ବେଦନାଗ୍ରସ୍ତ ହେବେ; ସେମାନେ ପରସ୍ପରର ବିଷୟରେ ଚମତ୍କୃତ ହେବେ; ସେମାନଙ୍କର ମୁଖ ଅଗ୍ନିଶିଖା ତୁଲ୍ୟ ହେବ ।
\s5
\v 9 ଦେଖ, ଦେଶ ଧ୍ୱଂସ କରିବାକୁ ଓ ତହିଁ ମଧ୍ୟରୁ ପାପୀମାନଙ୍କୁ ବିନାଶ କରିବାକୁ ସଦାପ୍ରଭୁଙ୍କର ଦିନ ଦାରୁଣ; କ୍ରୋଧ ଓ ପ୍ରଚଣ୍ଡ କ୍ରୋଧ ସଂଯୁକ୍ତ ହୋଇ ଆସୁଅଛି ।
\v 10 କାରଣ ଆକାଶମଣ୍ଡଳର ତାରାଗଣ ଓ ତହିଁର ନକ୍ଷତ୍ରଗଣ ଦୀପ୍ତି ଦେବେ ନାହିଁ; ସୂର୍ଯ୍ୟ ଆପଣା ଉଦୟ ସମୟରେ ଅନ୍ଧାରଗ୍ରସ୍ତ ହେବ ଓ ଚନ୍ଦ୍ର ଆପଣା ଜ୍ୟୋତ୍ସ୍ନା ପ୍ରକାଶ କରିବ ନାହିଁ ।
\s5
\v 11 ପୁଣି, ଆମ୍ଭେ ଜଗତକୁ ଦୁଷ୍ଟତା ସକାଶେ ଓ ଦୁଷ୍ଟମାନଙ୍କୁ ସେମାନଙ୍କ ଅଧର୍ମ ସକାଶେ ଶାସ୍ତି ଦେବା ଓ ଆମ୍ଭେ ଅହଙ୍କାରୀମାନଙ୍କର ଦର୍ପ ନିବୃତ୍ତ କରାଇବା ଓ ଭୟଙ୍କର ଲୋକର ଗର୍ବ ଖର୍ବ କରିବା ।
\v 12 ଆମ୍ଭେ ଉତ୍ତମ ସୁବର୍ଣ୍ଣ ଅପେକ୍ଷା ମର୍ତ୍ତ୍ୟକୁ ଓ ଓଫୀରର ଶୁଦ୍ଧ ସୁବର୍ଣ୍ଣ ଅପେକ୍ଷା ମନୁଷ୍ୟକୁ ଦୁର୍ଲଭ କରିବା ।
\s5
\v 13 ଏହେତୁ ଆମ୍ଭେ ଆକାଶମଣ୍ଡଳକୁ କମ୍ପାନ୍ୱିତ କରିବା, ଆଉ ସୈନ୍ୟାଧିପତି ସଦାପ୍ରଭୁଙ୍କ କୋପରେ ଓ ତାହାଙ୍କ ପ୍ରଚଣ୍ଡ କ୍ରୋଧର ଦିନରେ ପୃଥିବୀ ଟଳି ସ୍ୱସ୍ଥାନ ଚ୍ୟୁତ ହେବ ।
\v 14 ତହିଁରେ ଏପରି ଘଟିବ ଯେ, ତାଡ଼ିତ ହରିଣର ନ୍ୟାୟ ଓ ଅରକ୍ଷକ ମେଷ ତୁଲ୍ୟ ଲୋକମାନେ ପ୍ରତ୍ୟେକେ ଆପଣା ଆପଣା ଗୋଷ୍ଠୀ ପ୍ରତି ଫେରିବେ ଓ ପ୍ରତ୍ୟେକେ ଆପଣା ଆପଣା ଦେଶ ଆଡ଼କୁ ପଳାୟନ କରିବେ ।
\s5
\v 15 ଯେ ପ୍ରତ୍ୟେକ ଲୋକର ଉଦ୍ଦେଶ୍ୟ ମିଳିବ, ସେ ଅସ୍ତ୍ରବିଦ୍ଧ ହେବ ଓ ଯେ ପ୍ରତ୍ୟେକ ଲୋକ ଧରା ଯିବ, ସେ ଖଡ଼୍‍ଗରେ ପତିତ ହେବ ।
\v 16 ସେମାନଙ୍କର ଶିଶୁଗଣ ମଧ୍ୟ ସେମାନଙ୍କ ଦୃଷ୍ଟିଗୋଚରରେ କଚଡ଼ା ଯିବେ; ସେମାନଙ୍କର ଗୃହ ଲୁଟିତିତ ହେବ ଓ ସେମାନଙ୍କର ଭାର୍ଯ୍ୟାମାନେ ବଳାତ୍କାରରେ ଭ୍ରଷ୍ଟ କରାଯିବେ ।
\s5
\v 17 ଦେଖ, ଆମ୍ଭେ ସେମାନଙ୍କ ପ୍ରତିକୂଳରେ ମାଦୀୟମାନଙ୍କୁ ଉତ୍ତେଜିତ କରିବା, ସେମାନେ ରୂପାକୁ ଅନାଇବେ ନାହିଁ ଓ ସୁନାରେ ସେମାନେ ତୁଷ୍ଟ ହେବେ ନାହିଁ ।
\v 18 ସେମାନଙ୍କର ଧନୁ ଯୁବକମାନଙ୍କୁ କଚାଡ଼ି ପକାଇବ ଓ ସେମାନେ ଗର୍ଭର ଫଳ ପ୍ରତି କିଛି ଦୟା କରିବେ ନାହିଁ, ବାଳକଗଣ ପ୍ରତି ସେମାନଙ୍କର କୃପାଦୃଷ୍ଟି ହେବ ନାହିଁ ।
\s5
\v 19 ପୁଣି, ରାଜ୍ୟସମୂହର ଗୌରବ ସ୍ୱରୂପ ଓ କଲଦୀୟମାନଙ୍କ ଦର୍ପର ଲାବଣ୍ୟ ସ୍ୱରୂପ ଯେ ବାବିଲ, ତାହା ପରମେଶ୍ୱରଙ୍କ ଦ୍ୱାରା ଉତ୍ପାଟିତ ସଦୋମ ଓ ହମୋରାର ତୁଲ୍ୟ ହେବ ।
\v 20 ତାହା କଦାଚ ବସତି ସ୍ଥାନ ହେବ ନାହିଁ, ପୁରୁଷ ପୁରୁଷାନୁକ୍ରମେ କେହି ତହିଁରେ ବାସ କରିବେ ନାହିଁ; ଆରବୀୟ ଲୋକେ ସେଠାରେ ତମ୍ବୁ ପକାଇବେ ନାହିଁ, କିଅବା ମେଷପାଳକମାନେ ଆପଣା ଆପଣା ପଲ ସେଠାରେ ଶୁଆଇବେ ନାହିଁ ।
\s5
\v 21 ମାତ୍ର ବନ୍ୟ ପଶୁମାନେ ସେସ୍ଥାନରେ ଶୟନ କରିବେ ଓ ସେମାନଙ୍କର ଗୃହ ଚିତ୍କାରକାରୀ ଜନ୍ତୁରେ ପରିପୂର୍ଣ୍ଣ ହେବ; ଓଟପକ୍ଷୀ ସେଠାରେ ବାସ କରିବେ ଓ ଛାଗମାନେ ସେଠାରେ ନୃତ୍ୟ କରିବେ ।
\v 22 ପୁଣି, କେନ୍ଦୁଆମାନେ ସେମାନଙ୍କ ଅଟ୍ଟାଳିକାରେ ଓ ଶୃଗାଳମାନେ ସେମାନଙ୍କ ମନୋରମ ପ୍ରାସାଦରେ ବୋବାଇବେ; ତାହାର କାଳ ନିକଟବର୍ତ୍ତୀ ଓ ତାହାର ଦିନସବୁ ଦୀର୍ଘ ହେବ ନାହିଁ ।
\s5
\c 14
\s ନିର୍ବାସନରୁ ପ୍ରତ୍ୟାବର୍ତ୍ତନ
\p
\v 1 କାରଣ ସଦାପ୍ରଭୁ ଯାକୁବ ପ୍ରତି ଦୟା କରିବେ, ପୁଣି, ଇସ୍ରାଏଲକୁ ପୁନର୍ବାର ମନୋନୀତ କରିବେ ଓ ସେମାନଙ୍କୁ ସେମାନଙ୍କ ଦେଶରେ ସ୍ଥାପନ କରିବେ, ତହିଁରେ ବିଦେଶୀ ଲୋକ ସେମାନଙ୍କ ସଙ୍ଗେ ସଂଯୁକ୍ତ ହେବ, ସେମାନେ ଯାକୁବ ବଂଶ ପ୍ରତି ଆସକ୍ତ ହେବେ ।
\v 2 ପୁଣି, ନାନା ଗୋଷ୍ଠୀୟ ଲୋକମାନେ ସେମାନଙ୍କୁ ନେଇ ସେମାନଙ୍କ ନିଜ ସ୍ଥାନରେ ପହୁଞ୍ଚାଇ ଦେବେ; ଆଉ, ଇସ୍ରାଏଲ ବଂଶ ସଦାପ୍ରଭୁଙ୍କ ଦେଶରେ ସେମାନଙ୍କୁ ଦାସଦାସୀ ରୂପେ ଅଧିକାର କରିବେ; ପୁଣି, ସେମାନେ ଯେଉଁମାନଙ୍କର ବନ୍ଦୀ ହୋଇଥିଲେ, ସେମାନଙ୍କୁ ବନ୍ଦୀ କରି ନେବେ ଓ ସେମାନେ ଆପଣା ଉପଦ୍ରବକାରୀମାନଙ୍କ ଉପରେ କର୍ତ୍ତୃତ୍ୱ କରିବେ ।
\s ବାବିଲ ରାଜା ପ୍ରତି ଇସ୍ରାଏଲର ବିଦ୍ରୂପ
\p
\s5
\v 3 ପୁଣି, ଯେଉଁ ଦିନ ସଦାପ୍ରଭୁ ତୁମ୍ଭକୁ ତୁମ୍ଭର ଦୁଃଖ ଓ କ୍ଲେଶରୁ ଓ ଯେଉଁ କଠୋର ଦାସତ୍ୱରେ ତୁମ୍ଭକୁ ଦାସ୍ୟ କର୍ମ କରିବାକୁ ହେଲା, ତହିଁରୁ ବିଶ୍ରାମ ଦେବେ,
\v 4 ସେଦିନ ତୁମ୍ଭେ ବାବିଲ ରାଜ ବିରୁଦ୍ଧରେ ଏହି ଦୃଷ୍ଟାନ୍ତ କଥା ନେଇ କହିବ, ଯଥା, ଉପଦ୍ରବକାରୀ କିପରି ଶେଷ ହୋଇଅଛି ! ସୁବର୍ଣ୍ଣ ନଗରୀ କିପରି ଶେଷ ହୋଇଅଛି !
\s5
\v 5 ଯେଉଁମାନେ କୋପରେ ନାନା ଗୋଷ୍ଠୀକୁ ଅନବରତ ଆଘାତ କଲେ ଓ ନାନା ଦେଶୀୟ ଲୋକଙ୍କୁ କ୍ରୋଧରେ ଶାସନ କରି ଅନିବାରିତ ରୂପେ ତାଡ଼ନା କଲେ,
\v 6 ସଦାପ୍ରଭୁ ସେହି ଦୁଷ୍ଟମାନଙ୍କର ଯଷ୍ଟି ଓ ଶାସନକର୍ତ୍ତାମାନଙ୍କ ରାଜଦଣ୍ଡ ଭାଙ୍ଗି ପକାଇ ଅଛନ୍ତି ।
\s5
\v 7 ସମୁଦାୟ ପୃଥିବୀ ଶାନ୍ତ ଓ ସୁସ୍ଥିର ହୋଇଅଛି; ସେମାନେ ଆନନ୍ଦରେ ଗାନ କରୁଅଛନ୍ତି ।
\v 8 ହଁ, ଦେବଦାରୁ ଓ ଲିବାନୋନର ଏରସ ବୃକ୍ଷସକଳ ତୁମ୍ଭ ବିଷୟରେ ଆନନ୍ଦ କରି କହନ୍ତି, ତୁମ୍ଭେ ଭୂମିସାତ୍‍ ହେବାଠାରୁ କୌଣସି ଛେଦନକର୍ତ୍ତା ଆମ୍ଭମାନଙ୍କ ପ୍ରତିକୂଳରେ ଆସି ନାହିଁ ।
\v 9 ତୁମ୍ଭ ଆଗମନ ସମୟରେ ତୁମ୍ଭ ସଙ୍ଗେ ସାକ୍ଷାତ କରିବା ପାଇଁ ଅଧଃସ୍ଥ ପାତାଳ ଚାଳିତ ହୁଏ; ତାହା ତୁମ୍ଭ ନିମନ୍ତେ ମୃତମାନଙ୍କୁ, ପୃଥିବୀର ପ୍ରଧାନମାନଙ୍କୁ ହିଁ ଜଗାଏ; ତାହା ଗୋଷ୍ଠୀବର୍ଗର ରାଜାସକଳକୁ ସେମାନଙ୍କ ସିଂହାସନରୁ ଉଠାଇଅଛି ।
\s5
\v 10 ସେସମସ୍ତେ ଉତ୍ତର ଦେଇ ତୁମ୍ଭକୁ କହିବେ, ତୁମ୍ଭେ ମଧ୍ୟ କ'ଣ ଆମ୍ଭମାନଙ୍କ ପରି କ୍ଷୀଣବଳ ହେଲ ? ତୁମ୍ଭେ କ'ଣ ଆମ୍ଭମାନଙ୍କର ସମାନ ହେଲ ?
\v 11 ତୁମ୍ଭର ଐଶ୍ୱର୍ଯ୍ୟ ଓ ତୁମ୍ଭ ନେବଲ ଯନ୍ତ୍ରର ସ୍ୱର ପାତାଳ ପର୍ଯ୍ୟନ୍ତ ଅବରୋହିତ ହୋଇଅଛି; କୀଟ ତୁମ୍ଭ ତଳେ ପ୍ରସାରିତ (ବିଛଣା) ଓ କୃମି ତୁମ୍ଭର ଆଚ୍ଛାଦନ ହୋଇଅଛି ।
\s5
\v 12 ହେ ଲୁଶିଫର ! ପ୍ରତ୍ୟୁଷର ପୁତ୍ର ! ତୁମ୍ଭେ କିପରି ସ୍ୱର୍ଗରୁ ପତିତ ହେଲ ! ଗୋଷ୍ଠୀଗଣକୁ ତୁମ୍ଭେ ଯେ ନତ କରିଥିଲ, ତୁମ୍ଭେ କିପରି ଭୂମିରେ ନିକ୍ଷିପ୍ତ ହେଲ !
\v 13 ପୁଣି, ତୁମ୍ଭେ ମନେ ମନେ କହିଥିଲ, ଆମ୍ଭେ ସ୍ୱର୍ଗାରୋହଣ କରିବା, ଆମ୍ଭେ ପରମେଶ୍ୱରଙ୍କ ନକ୍ଷତ୍ରଗଣର ଉର୍ଦ୍ଧ୍ୱରେ ଆପଣା ସିଂହାସନ ଉଚ୍ଚୀକୃତ କରିବା; ଆମ୍ଭେ ଉତ୍ତର ଦିଗର ପ୍ରାନ୍ତସ୍ଥିତ ସମାଗମ ପର୍ବତରେ ଉପବିଷ୍ଟ ହେବା;
\v 14 ଆମ୍ଭେ ମେଘମାଳର ଉଚ୍ଚସ୍ଥଳୀର ଉର୍ଦ୍ଧ୍ୱକୁ ଆରୋହଣ କରିବା; ଆମ୍ଭେ ସର୍ବୋପରିସ୍ଥଙ୍କର ତୁଲ୍ୟ ହେବା ।
\s5
\v 15 ମାତ୍ର ତୁମ୍ଭେ ପାତାଳକୁ, ଗର୍ତ୍ତର ପ୍ରାନ୍ତ ସୀମାକୁ ଅବରୋହିତ ହେବ ।
\v 16 ଯେଉଁମାନେ ତୁମ୍ଭକୁ ଦେଖନ୍ତି, ସେମାନେ ସୂକ୍ଷ୍ମ ରୂପେ ନିରୀକ୍ଷଣ କରି ତୁମ୍ଭ ବିଷୟ ବିବେଚନା କରି କହିବେ, ଯେ ପୃଥିବୀକୁ କମ୍ପାନ୍ୱିତ କଲା, ଯେ ରାଜ୍ୟସମୂହକୁ ଥରହର କରାଇଲା;
\v 17 ଯେ ଜଗତକୁ ଅରଣ୍ୟ ତୁଲ୍ୟ କଲା ଓ ତହିଁର ନଗରସମୂହକୁ ଉତ୍ପାଟନ କଲା; ଯେ ଆପଣା ବନ୍ଦୀଗଣକୁ ସେମାନଙ୍କ ଗୃହକୁ ଯିବାକୁ ଛାଡ଼ିଲା ନାହିଁ, ସେ କି ଏହି ପୁରୁଷ ?
\s5
\v 18 ଗୋଷ୍ଠୀବର୍ଗର ରାଜଗଣ, ସେମାନଙ୍କର ସମସ୍ତେ ହିଁ, ସମ୍ଭ୍ରମରେ ଆପଣା ଆପଣା ଗୃହରେ ଶୟନ କରୁଅଛନ୍ତି ।
\v 19 ମାତ୍ର ତୁମ୍ଭେ ଘୃଣିତ ଶାଖା ତୁଲ୍ୟ, ଖଡ଼୍‍ଗବିଦ୍ଧ ଓ ଗର୍ତ୍ତର ପ୍ରସ୍ତର ମଧ୍ୟରେ ନିକ୍ଷିପ୍ତ ହତ ଲୋକ ଦ୍ୱାରା ଆଚ୍ଛାଦିତ ହୋଇ, ଆପଣା କବରଠାରୁ ଦୂରରେ ନିକ୍ଷିପ୍ତ ହୋଇଅଛ; ତୁମ୍ଭେ ପଦଦଳିତ ଶବ ତୁଲ୍ୟ ହୋଇଅଛ ।
\v 20 ତୁମ୍ଭେ ସେମାନଙ୍କ ସଙ୍ଗେ କବରସ୍ଥ ହେବ ନାହିଁ, କାରଣ ତୁମ୍ଭେ ଆପଣା ଦେଶ ଉଚ୍ଛିନ୍ନ କରିଅଛ, ତୁମ୍ଭେ ଆପଣା ଲୋକମାନଙ୍କୁ ବଧ କରିଅଛ, କୁକ୍ରିୟାକାରୀମାନଙ୍କ ବଂଶର ନାମ ଅନନ୍ତ କାଳ ଉଲ୍ଲିଖିତ ହେବ ନାହିଁ ।
\s5
\v 21 ତାହାର ସନ୍ତାନଗଣ ଉଠି ଯେପରି ପୃଥିବୀ ଅଧିକାର ନ କରନ୍ତି ଓ ଜଗତକୁ ନଗରରେ ପରିପୂର୍ଣ୍ଣ ନ କରନ୍ତି, ଏଥିପାଇଁ ତୁମ୍ଭେମାନେ ସେମାନଙ୍କ ପିତୃପୁରୁଷଗଣର ଅପରାଧ ସକାଶୁ ସେମାନଙ୍କ ପାଇଁ ହତ୍ୟାସ୍ଥାନ ପ୍ରସ୍ତୁତ କର ।
\v 22 ପୁଣି, ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, "ଆମ୍ଭେ ସେମାନଙ୍କ ବିରୁଦ୍ଧରେ ଉଠିବା", ସଦାପ୍ରଭୁ କହନ୍ତି, "ଆମ୍ଭେ ବାବିଲରୁ ନାମ ଓ ଅବଶିଷ୍ଟାଂଶ, ପୁତ୍ର ଓ ପୌତ୍ର, ଉଚ୍ଛିନ୍ନ କରିବା",
\v 23 ଆହୁରି, ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, "ଆମ୍ଭେ ସେହି ନଗରକୁ ଝିଙ୍କ ପକ୍ଷୀର ଅଧିକାର ଓ ଜଳାଶୟ କରିବା ଓ ଆମ୍ଭେ ସଂହାରରୂପ ଝାଡ଼ୁ ଦ୍ୱାରା ତାହାକୁ ଝାଡ଼ି ପକାଇବା ।"
\s ଅଶୂର ପ୍ରତି ଭାବବାଣୀ
\p
\s5
\v 24 ସୈନ୍ୟାଧିପତି ସଦାପ୍ରଭୁ ଶପଥ କରି କହିଅଛନ୍ତି, "ଆମ୍ଭେ ଯାହା ଭାବିଅଛୁ, ନିଶ୍ଚୟ ତଦ୍ରୂପ ଘଟିବ ଓ ଆମ୍ଭେ ଯେପରି ମନ୍ତ୍ରଣା କରିଅଛୁ, ସେପରି ସ୍ଥିର ହେବ;
\v 25 ଆମ୍ଭେ ଆପଣା ଦେଶରେ ଅଶୂରୀୟକୁ ଭଗ୍ନ କରିବା ଓ ଆପଣା ପର୍ବତ ଉପରେ ତାହାକୁ ପଦ ତଳେ ଦଳିତ କରିବା; ତେବେ ଲୋକମାନଙ୍କଠାରୁ ତାହାର ଯୁଆଳି ଓ ସେମାନଙ୍କ ସ୍କନ୍ଧରୁ ତାହାର ଭାର ଦୂରୀକୃତ ହେବ ।"
\s5
\v 26 ସମୁଦାୟ ପୃଥିବୀ ବିଷୟରେ ଏହି ମନ୍ତ୍ରଣା ସ୍ଥିର ହୋଇଅଛି ଓ ଏହି ହସ୍ତ ସମସ୍ତ ଗୋଷ୍ଠୀ ଉପରେ ବିସ୍ତୀର୍ଣ୍ଣ ହୋଇଅଛି ।
\v 27 କାରଣ ସୈନ୍ୟାଧିପତି ସଦାପ୍ରଭୁ ମନ୍ତ୍ରଣା କରିଅଛନ୍ତି, ଆଉ ତାହା କିଏ ଅନ୍ୟଥା କରିବ ? ଓ ତାହାଙ୍କର ହସ୍ତ ବିସ୍ତାରିତ ହୋଇଅଛି, ଆଉ କିଏ ତାହା ଫେରାଇବ ?
\s ପଲେଷ୍ଟୀୟ ପ୍ରତି ଭାବବାଣୀ
\p
\s5
\v 28 ଯେଉଁ ବର୍ଷରେ ଆହସ୍‌ ରାଜାଙ୍କର ମୃତ୍ୟୁ ହେଲା, ସେହି ବର୍ଷର ଏହି ଭାରୋକ୍ତି ।
\v 29 ହେ ପଲେଷ୍ଟୀୟେ, ଯେଉଁ ଦଣ୍ଡ ତୁମ୍ଭକୁ ପ୍ରହାର କଲା, ତାହା ଭଗ୍ନ ହୋଇଅଛି ବୋଲି ତୁମ୍ଭେ ସମସ୍ତେ ଆନନ୍ଦ କର ନାହିଁ; କାରଣ ସର୍ପର ମୂଳରୁ କାଳସର୍ପ ଉତ୍ପନ୍ନ ହେବ ଓ ଅଗ୍ନିମୟ ଉଡ଼ନ୍ତା ସର୍ପ ତାହାର ଫଳ ହେବ ।
\v 30 ପୁଣି, ଦରିଦ୍ରର ପ୍ରଥମଜାତ ସନ୍ତାନ ଭୋଜନ କରିବ ଓ ଦୀନହୀନମାନେ ନିରାପଦରେ ଶୟନ କରିବେ; ପୁଣି, ଆମ୍ଭେ ଦୁର୍ଭିକ୍ଷ ଦ୍ୱାରା ତୁମ୍ଭର ମୂଳ ନଷ୍ଟ କରିବା ଓ ତୁମ୍ଭର ଅବଶିଷ୍ଟାଂଶ ସଂହାରିତ ହେବ ।
\s5
\v 31 ହେ ନଗର ଦ୍ୱାର, ହାହାକାର କର; ହେ ନଗର, କ୍ରନ୍ଦନ କର; ହେ ପଲେଷ୍ଟୀୟେ, ତୁମ୍ଭର ସମୁଦାୟ ତରଳି ଯାଇଅଛି; କାରଣ ଉତ୍ତର ଦିଗରୁ ଧୂମ ଆସୁଅଛି ଓ କେହି ଆପଣା ନିରୂପିତ ସମୟରେ ଦୂରରେ ଠିଆ ହେଉ ନାହିଁ ।
\v 32 ଆଉ, ଏହି ଗୋଷ୍ଠୀର ଦୂତଗଣକୁ କି ଉତ୍ତର ଦିଆଯିବ ? ଏହି ଯେ, ସଦାପ୍ରଭୁ ସିୟୋନର ଭିତ୍ତିମୂଳ ସ୍ଥାପନ କରିଅଛନ୍ତି ଓ ତହିଁ ମଧ୍ୟରେ ତାହାଙ୍କର ଦୁଃଖଗ୍ରସ୍ତ ଲୋକମାନେ ଆଶ୍ରୟ ନିଅନ୍ତି ।
\s5
\c 15
\s ମୋୟାବ ପ୍ରତି ଭାବବାଣୀ
\p
\v 1 ମୋୟାବ ବିଷୟକ ଭାରୋକ୍ତି । ମୋୟାବର ଆରନଗର ଏକ ରାତ୍ରି ମଧ୍ୟରେ ଉଚ୍ଛିନ୍ନ ଓ ଧ୍ୱଂସିତ ହେଲା; ଏକ ରାତ୍ରି ମଧ୍ୟରେ ମୋୟାବର କୀର୍‍ ନଗର ଉଚ୍ଛିନ୍ନ ଓ ଧ୍ୱଂସିତ ହେଲା ।
\v 2 ସେ ରୋଦନ କରିବା ପାଇଁ ବୈଥତ୍‍କୁ ଓ ଦୀବୋନ୍‍କୁ, ଉଚ୍ଚସ୍ଥଳୀକୁ ଯାଇଅଛି; ନବୋ ଓ ମେଦବାର ବିଷୟରେ ମୋୟାବ ହାହାକାର କରୁଅଛି; ସେସମସ୍ତଙ୍କର ମସ୍ତକ ମୁଣ୍ଡନ ହୋଇଅଛି, ପ୍ରତ୍ୟେକର ଦାଢ଼ି କଟା ହୋଇଅଛି ।
\s5
\v 3 ସେମାନଙ୍କର ସବୁ ସଡ଼କରେ ଲୋକମାନେ ଚଟବସ୍ତ୍ର ପିନ୍ଧୁଅଛନ୍ତି; ଆପଣା ଆପଣା ଗୃହର ଛାତ ଉପରେ ଓ ଛକ ସ୍ଥାନମାନଙ୍କରେ ପ୍ରତ୍ୟେକ ଲୋକ ଅତିଶୟ ରୋଦନ କରି ହାହାକାର କରୁଅଛନ୍ତି ।
\v 4 ହିଶ୍‌ବୋନ୍‍ ଓ ଇଲିୟାଲି କ୍ରନ୍ଦନ କରୁଅଛନ୍ତି; ସେମାନଙ୍କର ରବ ଯହସ୍‍ ପର୍ଯ୍ୟନ୍ତ ଶୁଣା ଯାଉଅଛି; ଏହେତୁ ମୋୟାବର ସସଜ୍ଜ ଲୋକେ ଆର୍ତ୍ତନାଦ କରୁଅଛନ୍ତି; ତାହାର ପ୍ରାଣ ତାହା ମଧ୍ୟରେ କମ୍ପିତ ହେଉଅଛି ।
\s5
\v 5 ଆମ୍ଭର ହୃଦୟ ମୋୟାବ ପାଇଁ କ୍ରନ୍ଦନ କରୁଅଛି; ତାହାର କୁଳୀନମାନେ ସୋୟର୍‍ ପର୍ଯ୍ୟନ୍ତ ଇଗ୍ଲତ୍‍ଶଲୀଶୀୟାକୁ ପଳାଉ ଅଛନ୍ତି; କାରଣ ସେମାନେ ରୋଦନ କରୁ କରୁ ଲୂହୀତ-ଘାଟୀ ଉପରକୁ ଯାଉଅଛନ୍ତି; ହୋରୋନୟିମ ବାଟରେ ବିନାଶ ହେତୁ ସେମାନେ ଆର୍ତ୍ତନାଦ କରୁଅଛନ୍ତି ।
\v 6 କାରଣ ନିମ୍ରୀମର ଜଳସମୂହ ଶୂନ୍ୟ ହେବ; ତୃଣ ଶୁଷ୍କ ହୋଇଅଛି, ନବୀନ ତୃଣର ଅଭାବ ହେଉଅଛି, ହରିଦ୍‍ବର୍ଣ୍ଣର କିଛି ହିଁ ନାହିଁ ।
\v 7 ଏହେତୁ ସେମାନେ ଆପଣାମାନଙ୍କର ପ୍ରାପ୍ତ ଧନ ଓ ରକ୍ଷିତ ଦ୍ରବ୍ୟସବୁ ବାଇଶୀ ବୃକ୍ଷର ସ୍ରୋତ ନିକଟକୁ ନେଇ ଯିବେ ।
\s5
\v 8 କାରଣ ମୋୟାବର ଚତୁର୍ଦ୍ଦିଗସ୍ଥ ସୀମାକୁ କ୍ରନ୍ଦନର ଶବ୍ଦ ଯାଇଅଛି; ତହିଁର ହାହାକାର ଇଗ୍ଲୟିମ୍‍ ପର୍ଯ୍ୟନ୍ତ ଓ ତହିଁର ହାହାକାର ବେରେଲୀମ୍‍ ପର୍ଯ୍ୟନ୍ତ ଯାଇଅଛି ।
\v 9 କାରଣ ଦୀମୋନର ଜଳସମୂହ ରକ୍ତମୟ ହୋଇଅଛି; ପୁଣି, ଆମ୍ଭେ ଦୀମୋନର ଉପରେ ଆହୁରି ଦୁଃଖ ଓ ମୋୟାବର ପଳାତକ ଲୋକ ଉପରେ ଓ ଦେଶର ଅବଶିଷ୍ଟାଂଶ ଉପରେ ଗୋଟିଏ ସିଂହ ଆଣିବା ।
\s5
\c 16
\p
\v 1 ତୁମ୍ଭେମାନେ ପ୍ରାନ୍ତର ଅଭିମୁଖସ୍ଥ ସେଲାଠାରୁ ଦେଶାଧ୍ୟକ୍ଷ ନିମନ୍ତେ ସିୟୋନ କନ୍ୟାର ପର୍ବତକୁ ମେଷ ପଠାଅ ।
\v 2 କାରଣ ମୋୟାବର କନ୍ୟାଗଣ ଅର୍ଣ୍ଣୋନ ପାର ହେବାର ସମସ୍ତ ସ୍ଥାନରେ ଭ୍ରମଣକାରୀ ପକ୍ଷୀ ପରି ଓ ପକ୍ଷୀର ଛିନ୍ନଭିନ୍ନ ବସା ପରି ହେବେ ।
\s5
\v 3 ମନ୍ତ୍ରଣା ଦିଅ, ବିଚାର କର; ମଧ୍ୟାହ୍ନ କାଳର ଆପଣା ଛାୟାକୁ ରାତ୍ରି ତୁଲ୍ୟ କର; ବହିଷ୍କୃତ ଲୋକମାନଙ୍କୁ ଲୁଚାଅ; ଭ୍ରମଣକାରୀମାନଙ୍କୁ ପ୍ରକାଶ କର ନାହିଁ ।
\v 4 ଆମ୍ଭର ବହିଷ୍କୃତ ଲୋକମାନଙ୍କୁ ତୁମ୍ଭ ସଙ୍ଗରେ ବାସ କରିବାକୁ ଦିଅ; ବିନାଶକାରୀର ସମ୍ମୁଖରୁ ତୁମ୍ଭେ ମୋୟାବର ପାଇଁ ଆଶ୍ରୟ ସ୍ଥାନ ହୁଅ; କାରଣ ପୀଡ଼କ ମହାଜନ ଅକିଞ୍ଚିତ ହୋଇଅଛି, ଅପକାର ନିବୃତ୍ତ ହେଉଅଛି, ଦୌରାତ୍ମ୍ୟକାରୀମାନେ ଦେଶରୁ ସଂହାରିତ ହେଉଅଛନ୍ତି ।
\s5
\v 5 ପୁଣି, ଦୟାରେ ଏକ ସିଂହାସନ ସ୍ଥାପିତ ହେବ ଓ ଏକ ଜଣ ସତ୍ୟତାରେ ଦାଉଦଙ୍କର ତମ୍ବୁ ମଧ୍ୟରେ ତହିଁ ଉପରେ ଉପବିଷ୍ଟ ହେବେ; ସେ ନ୍ୟାୟ ଅନ୍ଵେଷଣ କରି ବିଚାର କରିବେ ଓ ଧର୍ମ ସାଧନ କରିବାରେ ସତ୍ୱର ହେବେ ।
\s5
\v 6 ଆମ୍ଭେମାନେ ମୋୟାବର ଗର୍ବ ବିଷୟରେ ଶୁଣିଅଛୁ ଯେ, ସେ ଅତ୍ୟନ୍ତ ଗର୍ବୀ, ତାହାର ଅହଙ୍କାର ଓ ତାହାର ଗର୍ବ ଓ ତାହାର କୋପର କଥା ଶୁଣିଅଛୁ; ତାହାର ଦର୍ପ କିଛି ହିଁ ନୁହେଁ ।
\v 7 ଏହେତୁ ମୋୟାବ ମୋୟାବର ନିମନ୍ତେ ହାହାକାର କରିବ, ପ୍ରତ୍ୟେକ ଲୋକ ହାହାକାର କରିବ; କାରଣ ତୁମ୍ଭେମାନେ ଅତ୍ୟନ୍ତ ଦୁଃଖିତ ହୋଇ କୀର-ହେରସତର ଦ୍ରାକ୍ଷାଚକ୍ତି ନିମନ୍ତେ ବିଳାପ କରିବ ।
\s5
\v 8 ଯେହେତୁ ହିଶ୍‌ବୋନ୍‍ର କ୍ଷେତ୍ରସବୁ ଓ ଶିବ୍‍ମାର ଦ୍ରାକ୍ଷାଲତା ମ୍ଳାନ ହେଉଅଛି; ଗୋଷ୍ଠୀବର୍ଗର ଅଧ୍ୟକ୍ଷଗଣ ତହିଁର ମନୋନୀତ ଚାରାସବୁ ଭାଙ୍ଗି ପକାଇ ଅଛନ୍ତି; ସେସବୁ ଯାସେର ପର୍ଯ୍ୟନ୍ତ ଗଲେ, ପ୍ରାନ୍ତର ପର୍ଯ୍ୟନ୍ତ ଏଣେତେଣେ ଗଲେ; ତାହାର ଶାଖାସବୁ ଚାରିଆଡ଼େ ବିସ୍ତୃତ ହେଲା, ସେସବୁ ସମୁଦ୍ର ପାର ହୋଇ ଗଲେ ।
\s5
\v 9 ଏହେତୁ ଆମ୍ଭେ ଯାସେରର ରୋଦନ କାଳରେ ଶିବ୍‍ମାର ଦ୍ରାକ୍ଷାଲତା ନିମନ୍ତେ ରୋଦନ କରିବା; ହେ ହିଶ୍‌ବୋନ୍‍, ହେ ଇଲିୟାଲି ଆମ୍ଭେ ଆପଣା ଲୋତକ ଜଳରେ ତୁମ୍ଭକୁ ତିନ୍ତାଇବା; କାରଣ ତୁମ୍ଭର ଗ୍ରୀଷ୍ମ କାଳରେ ଫଳ ଓ ତୁମ୍ଭର ଶସ୍ୟ ଉପରେ ଯୁଦ୍ଧଧ୍ୱନି ପଡ଼ିଅଛି ।
\v 10 ପୁଣି, ଆନନ୍ଦ ଓ ଉଲ୍ଲାସ ଉର୍ବରା କ୍ଷେତ୍ରରୁ ଦୂରୀକୃତ ହୋଇଅଛି; ଆଉ, ଦ୍ରାକ୍ଷାକ୍ଷେତ୍ରରେ ଗାନ ଅବା ଆନନ୍ଦଧ୍ୱନି ହେବ ନାହିଁ; କେହି ପଦ ଦ୍ୱାରା ଚାପି ଦ୍ରାକ୍ଷାକୁଣ୍ଡରେ ଦ୍ରାକ୍ଷାରସ ବାହାର କରିବ ନାହିଁ; ଆମ୍ଭେ ଦ୍ରାକ୍ଷା ସଂଗ୍ରହର ଆନନ୍ଦ ଧ୍ୱନି ନିବୃତ୍ତ କରିଅଛୁ ।
\s5
\v 11 ଏହି କାରଣରୁ ଆମ୍ଭର ନାଡ଼ୀ ମୋୟାବର ପାଇଁ ଓ ଆମ୍ଭର ଅନ୍ତର କୀରହେରସର ପାଇଁ ବୀଣା ପରି ବାଜୁଅଛି ।
\v 12 ପୁଣି, ମୋୟାବ ଆପେ ଉପସ୍ଥିତ ହେବା ବେଳେ ଓ ଉଚ୍ଚସ୍ଥଳୀରେ ଆପଣାକୁ କ୍ଳାନ୍ତ କରି ପ୍ରାର୍ଥନା କରିବା ପାଇଁ ଧର୍ମଧାମରେ ପ୍ରବେଶ କରିବା ବେଳେ ସେ କୃତାର୍ଥ ହେବ ନାହିଁ ।
\s5
\v 13 ଗତ କାଳରେ ସଦାପ୍ରଭୁ ମୋୟାବ ବିଷୟରେ ଏହି କଥା କହିଥିଲେ ।
\v 14 ମାତ୍ର ଏବେ ସଦାପ୍ରଭୁ ଏହି କଥା କହନ୍ତି, ବେତନଜୀବୀର ବର୍ଷ ତୁଲ୍ୟ ତିନି ବର୍ଷ ମଧ୍ୟରେ ମୋୟାବର ଗୌରବ ତାହାର ମହାଜନତା ସୁଦ୍ଧା ତୁଚ୍ଛୀକୃତ ହେବ, ଆଉ ଅବଶିଷ୍ଟାଂଶ ଅତି ଅଳ୍ପ ହେବ ଓ ଗଣନାଯୋଗ୍ୟ ହେବ ନାହିଁ ।
\s5
\c 17
\s ଦାମାସ୍‍କସ୍‍ ପ୍ରତି ଭାବବାଣୀ
\p
\v 1 ଦାମାସ୍‍କସ୍‍ (ଦମ୍ମେଶକ) ବିଷୟକ ଭାରୋକ୍ତି । ଦେଖ, ଦାମାସ୍‍କସ୍‍ (ଦମ୍ମେଶକ) ଆଉ ନଗର ନ ହୋଇ ଦୂରୀକୃତ ହୋଇଅଛି, ତାହା କାନ୍ଥଡ଼ାର ଢ଼ିପି ହେବ ।
\v 2 ଅରୋୟରର ନଗରସବୁ ପରିତ୍ୟକ୍ତ ହୋଇଅଛି; ସେହି ସବୁ ପଶୁପଲର ପାଇଁ ହେବ, ସେମାନେ ସେଠାରେ ଶୟନ କରିବେ, ଆଉ କେହି ସେମାନଙ୍କୁ ଭୟ ଦେଖାଇବ ନାହିଁ ।
\v 3 ଆହୁରି, ଇଫ୍ରୟିମରୁ ଦୁର୍ଗ ଓ ଦାମାସ୍‍କସ୍‍ରୁ ରାଜ୍ୟ ଓ ଅରାମର ଅବଶିଷ୍ଟାଂଶ ଲୁପ୍ତ ହେବ; ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, "ସେସବୁ ଇସ୍ରାଏଲ ସନ୍ତାନଗଣର ଗୌରବ ତୁଲ୍ୟ ହେବ ।
\s5
\v 4 ଆଉ, ସେହି ଦିନରେ ଯାକୁବର ଗୌରବ ହ୍ରାସ କରାଯିବ ଓ ତାହାର ମାଂସର ସ୍ଥୂଳତା କ୍ଷୀଣ ହେବ;
\v 5 ଆଉ, ଯେପରି ଶସ୍ୟ କାଟିବା ଲୋକ କ୍ଷେତ୍ରସ୍ଥ ଶସ୍ୟ ସଂଗ୍ରହ କରିବା ବେଳେ ଓ ତାହାର ହସ୍ତ ଶିଷା କାଟିବା ବେଳେ, କିଅବା ଯେପରି କେହି ରଫାୟିମ ତଳଭୂମିରେ ପତିତ ଶିଷା ସାଉଣ୍ଟିବା ବେଳେ ହୁଏ, ସେପରି ହେବ ।
\s5
\v 6 ତଥାପି ଜୀତବୃକ୍ଷର ଫଳ ଝାଡ଼ି ନେଲା ଉତ୍ତାରେ ଯେପରି ତାହାର ଉଚ୍ଚତମ ଶାଖାରେ ଦୁଇ ତିନି ଗୋଟା ଫଳ ଓ ଫଳବାନ ବୃକ୍ଷର ବାହାରସ୍ଥ ଶାଖାରେ ଚାରି ପାଞ୍ଚ ଗୋଟା ଫଳ ଥାଏ", ସେପରି ତାହାର କିଛି ଅବଶିଷ୍ଟ ରହିବ, ଏହା ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର କହନ୍ତି ।
\v 7 ସେଦିନରେ ମନୁଷ୍ୟ ଆପଣା ସୃଷ୍ଟିକର୍ତ୍ତାଙ୍କ ପ୍ରତି ଅନାଇବ ଓ ତାହାର ଚକ୍ଷୁ ଇସ୍ରାଏଲର ଧର୍ମସ୍ୱରୂପଙ୍କ ପ୍ରତି ଦୃଷ୍ଟି ରଖିବ ।
\s5
\v 8 ପୁଣି, ସେ ଆପଣା ହସ୍ତକୃତ ଯଜ୍ଞବେଦିସମୂହର ପ୍ରତି ଅନାଇବ ନାହିଁ, କିଅବା ଆପଣା ଅଙ୍ଗୁଳିକୃତ ଆଶେରା ମୂର୍ତ୍ତି ଅବା ସୂର୍ଯ୍ୟ ପ୍ରତିମାସକଳର ପ୍ରତି ଦୃଷ୍ଟି ରଖିବ ନାହିଁ ।
\v 9 ସେଦିନ ତାହାର ଦୃଢ଼ ନଗରସବୁ ଇସ୍ରାଏଲ ସନ୍ତାନଗଣର ଭୟରେ ବନସ୍ଥ ଓ ପର୍ବତର ଉପରିସ୍ଥ ପରିତ୍ୟକ୍ତ ସ୍ଥାନ ତୁଲ୍ୟ ହେବ ଓ ଦେଶ ଉଚ୍ଛିନ୍ନ ହେବ ।
\s5
\v 10 କାରଣ ତୁମ୍ଭେ ଆପଣା ପରିତ୍ରାଣର ପରମେଶ୍ୱରଙ୍କୁ ପାସୋରିଅଛ ଓ ଆପଣା ଶକ୍ତି ସ୍ୱରୂପ ଶୈଳ ବିଷୟରେ ମନୋଯୋଗୀ ହୋଇ ନାହଁ; ଏହେତୁ ତୁମ୍ଭେ ସୁନ୍ଦର ସୁନ୍ଦର ଚାରା ରୋପଣ କରୁଅଛ ଓ ବିଦେଶୀୟ କଲମ ସଙ୍ଗେ ତାହା ବସାଉଅଛ;
\v 11 ତୁମ୍ଭେ ରୋପଣ କରିବା ଦିନ ତହିଁର ଚାରିଆଡ଼େ ବାଡ଼ ଦେଉଅଛ ଓ ପ୍ରାତଃକାଳରେ ତୁମ୍ଭେ ଆପଣା ବୀଜକୁ ପୁଷ୍ପିତ କରାଉଅଛ; ମାତ୍ର ଦୁଃଖ ଓ ପ୍ରତିକାରହୀନ ଶୋକ ସମୟରେ ଫଳ ଉଡ଼ିଯାଏ ।
\s5
\v 12 ଆଃ! ଅନେକ ଗୋଷ୍ଠୀର କୋଳାହଳ, ସେମାନେ ସମୁଦ୍ରର କଲ୍ଲୋଳର ତୁଲ୍ୟ କଲ୍ଲୋଳ ଧ୍ୱନି କରୁଅଛନ୍ତି; ନାନା ଦେଶୀୟଗଣ ମାଡ଼ି ଆସୁଅଛନ୍ତି, ସେମାନେ ପ୍ରବଳ ବଢ଼ି ପରି ମାଡ଼ି ଆସୁଅଛନ୍ତି !
\v 13 ନାନା ଦେଶୀୟଗଣ, ମହା ଜଳରାଶି ମାଡ଼ି ଆସିବା ପରି ମାଡ଼ି ଆସୁଅଛନ୍ତି; ମାତ୍ର ସେ ସେମାନଙ୍କୁ ଧମକାଇବେ, ତହିଁରେ ସେମାନେ ଦୂରକୁ ପଳାଇବେ ଓ ବାୟୁ ସମ୍ମୁଖରେ ପର୍ବତସ୍ଥ ତୁଷ ତୁଲ୍ୟ ଓ ପ୍ରଚଣ୍ଡ ବାୟୁ ଅଗ୍ରତେ ଘୂର୍ଣ୍ଣାୟମାନ ଧୂଳି ତୁଲ୍ୟ ତାଡ଼ିତ ହେବେ ।
\v 14 ଦେଖ, ସନ୍ଧ୍ୟାକାଳେ ତ୍ରାସ ଓ ପ୍ରଭାତର ପୂର୍ବେ ସେମାନେ ନାହାନ୍ତି । ଆମ୍ଭମାନଙ୍କ ଲୁଟିତକାରୀମାନଙ୍କର ଅଂଶ ଓ ଆମ୍ଭମାନଙ୍କ ଅପହରଣକାରୀମାନଙ୍କ ବାଣ୍ଟ ଏହି ।
\s5
\c 18
\s କୂଶଦେଶ ପ୍ରତି ଭାବବାଣୀ
\p
\v 1 ଆଃ ! କୂଶଦେଶୀୟ ନଦୀଗଣର ସେପାରିସ୍ଥିତ ପକ୍ଷର ଶବ୍ଦବିଶିଷ୍ଟ ଦେଶ;
\v 2 ସେ ସମୁଦ୍ର ପଥରେ ନଳନିର୍ମିତ ନୌକାରେ ଜଳ ଉପରେ ଦୂତଗଣକୁ ପ୍ରେରଣ କରି କହେ, ହେ ଦ୍ରୁତଗାମୀ ଦୂତଗଣ, ଯେଉଁ ଗୋଷ୍ଠୀୟ ଲୋକେ ଦୀର୍ଘକାୟ ଓ ଚିକ୍‍କଣ, ଯେଉଁ ଜନବୃନ୍ଦ ଅଦ୍ୟାବଧି ଭୟଙ୍କର; ଯେଉଁ ଗୋଷ୍ଠୀୟ ଲୋକେ ପରିମାଣ କରନ୍ତି ଓ ଦଳିତ କରନ୍ତି, ଯେଉଁମାନଙ୍କ ଦେଶ ନଦନଦୀରେ ବିଭକ୍ତ, ତୁମ୍ଭେମାନେ ସେମାନଙ୍କ ନିକଟକୁ ଯାଅ !
\s5
\v 3 ହେ ଜଗନ୍ନିବାସୀଗଣ; ହେ ପୃଥିବୀର ନିବାସୀ ସମସ୍ତେ, ପର୍ବତମାନର ଉପରେ ଧ୍ୱଜା ଉତ୍‍ଥିତ ହେବା ବେଳେ ତୁମ୍ଭେମାନେ ଦୃଷ୍ଟି କର ଓ ତୂରୀ ବାଜିବା ବେଳେ ତୁମ୍ଭେମାନେ ଶ୍ରବଣ କର ।
\s5
\v 4 କାରଣ ସଦାପ୍ରଭୁ ଆମ୍ଭକୁ ଏହିପରି କହିଅଛନ୍ତି, "ଖରା ସମୟରେ ନିର୍ମଳ ତାପ ପରି, ଶସ୍ୟଚ୍ଛେଦନକାଳୀନ ତାପ ସମୟରେ ଶିଶିରଯୁକ୍ତ ମେଘ ପରି ଆମ୍ଭେ କ୍ଷାନ୍ତ ହେବା ଓ ଆପଣା ବାସସ୍ଥାନରେ ଥାଇ ନିରୀକ୍ଷଣ କରିବା ।"
\v 5 ଯେହେତୁ ଦ୍ରାକ୍ଷା ସଞ୍ଚୟ କରିବା ପୂର୍ବେ ମୁକୁଳ ହୋଇଗଲା ଉତ୍ତାରେ ଓ ପୁଷ୍ପ ଦ୍ରାକ୍ଷାଫଳ ହୋଇ ପାଚୁଥିବା ସମୟରେ ସେ ଦାଆ ନେଇ ତହିଁର ପଲ୍ଲବ କାଟି ପକାଇବେ ଓ ତହିଁର ବିସ୍ତାରିତ ଶାଖାସବୁ ଛେଦନ କରି ପକାଇବେ ।
\s5
\v 6 ପର୍ବତସ୍ଥ ଦୁରନ୍ତ ପକ୍ଷୀଗଣ ଓ ପୃଥିବୀର ପଶୁଗଣ ନିମନ୍ତେ ସେସବୁ ପରିତ୍ୟକ୍ତ ହେବ; ଦୁରନ୍ତ ପକ୍ଷୀଗଣ ତହିଁ ଉପରେ ଗ୍ରୀଷ୍ମକାଳ କ୍ଷେପଣ କରିବେ ଓ ପୃଥିବୀର ପଶୁସବୁ ତହିଁ ଉପରେ ଶୀତକାଳ କ୍ଷେପଣ କରିବେ ।
\v 7 ସେହି ସମୟରେ ଦୀର୍ଘକାୟ ଓ ଚିକ୍‍କଣ ଓ ଅଦ୍ୟାବଧି ଭୟଙ୍କର ଏକ ଗୋଷ୍ଠୀୟ ଲୋକେ; ଯେଉଁମାନେ ପରିମାଣ କରନ୍ତି ଓ ପଦ ତଳେ ଦଳିତ କରନ୍ତି, ଯେଉଁମାନଙ୍କର ଦେଶ ନଦନଦୀରେ ବିଭକ୍ତ, ଏପରି ଏକ ଜନବୃନ୍ଦ ସୈନ୍ୟାଧିପତି ସଦାପ୍ରଭୁଙ୍କର ଉପହାର ରୂପେ ସୈନ୍ୟାଧିପତି ସଦାପ୍ରଭୁଙ୍କର ନାମବିଶିଷ୍ଟ ସ୍ଥାନ ସିୟୋନ ପର୍ବତକୁ ଅଣାଯିବେ ।
\s5
\c 19
\s ମିସର ପ୍ରତି ଭାବବାଣୀ
\p
\v 1 ମିସର ବିଷୟକ ଭାରୋକ୍ତି । ଦେଖ, ସଦାପ୍ରଭୁ ଦ୍ରୁତଗାମୀ ମେଘରେ ଆରୋହଣ କରି ମିସରକୁ ଆସୁଅଛନ୍ତି; ପୁଣି, ତାହାଙ୍କ ଛାମୁରେ ମିସରର ପ୍ରତିମାଗଣ କମ୍ପାନ୍ୱିତ ହେବେ ଓ ମିସରର ହୃଦୟ ତାହାର ମଧ୍ୟରେ ତରଳି ଯିବ ।
\v 2 ପୁଣି, "ଆମ୍ଭେ ମିସ୍ରୀୟମାନଙ୍କୁ ମିସ୍ରୀୟମାନଙ୍କ ପ୍ରତିକୂଳରେ ଉତ୍ତେଜିତ କରିବା; ତହିଁରେ ସେମାନେ ପ୍ରତ୍ୟେକେ ଆପଣା ଆପଣା ଭାଇର ଓ ପ୍ରତ୍ୟେକେ ଆପଣା ଆପଣା ପ୍ରତିବାସୀର ବିରୁଦ୍ଧରେ ଯୁଦ୍ଧ କରିବେ; ନଗର ନଗର ବିରୁଦ୍ଧରେ, ରାଜ୍ୟ ରାଜ୍ୟ ବିରୁଦ୍ଧରେ, ଯୁଦ୍ଧ କରିବେ ।
\s5
\v 3 ଆଉ, ମିସରର ଆତ୍ମା ତାହା ମଧ୍ୟରେ ଶୂନ୍ୟ କରାଯିବ ଓ ଆମ୍ଭେ ତାହାର ମନ୍ତ୍ରଣା ଗ୍ରାସ କରିବା; ତହିଁରେ ସେମାନେ ପ୍ରତିମା, ମୋହକ, ଭୂତୁଡ଼ିଆ ଓ ଗୁଣିଆମାନଙ୍କର ଅନ୍ଵେଷଣ କରିବେ ।
\v 4 ଆଉ, ଆମ୍ଭେ ମିସ୍ରୀୟମାନଙ୍କୁ ଏକ ନିର୍ଦ୍ଦୟ ପ୍ରଭୁ ହସ୍ତରେ ସମର୍ପଣ କରିବା ଓ ଏକ ଦୁରନ୍ତ ରାଜା ସେମାନଙ୍କ ଉପରେ କର୍ତ୍ତୃତ୍ୱ କରିବ", ଏହା ପ୍ରଭୁ ସୈନ୍ୟାଧିପତି ସଦାପ୍ରଭୁ କହନ୍ତି ।
\s5
\v 5 ପୁଣି, ସମୁଦ୍ର ଜଳଶୂନ୍ୟ ହେବ ଓ ନଦୀ କ୍ଷୟ ପାଇ ଶୁଷ୍କ ହେବ ।
\v 6 ଆଉ, ନଦୀସବୁ ଦୁର୍ଗନ୍ଧ ହେବ; ମିସରର ସ୍ରୋତସବୁ ସାନ ହୋଇ ଶୁଖିଯିବ; ନଳ ଓ ଜଳଜ ତୃଣ ଶୁଷ୍କ ହୋଇଯିବ ।
\s5
\v 7 ନୀଳନଦୀ ନିକଟସ୍ଥ, ନୀଳନଦୀର ତୀରବର୍ତ୍ତୀ ପଡ଼ିଆସବୁ ଓ ନୀଳନଦୀ ନିକଟରେ ଯାହା କିଛି ବୁଣାଯାଏ, ସେସବୁ ଶୁଷ୍କ ହୋଇ ଉଡ଼ିଯିବ ଓ ଆଉ ରହିବ ନାହିଁ ।
\v 8 କେଉଟମାନେ ମଧ୍ୟ ବିଳାପ କରିବେ ଓ ଯେଉଁମାନେ ନୀଳନଦୀରେ ବନଶୀ ପକାନ୍ତି, ସେମାନେ ସମସ୍ତେ ଶୋକ କରିବେ, ପୁଣି, ଯେଉଁମାନେ ଜଳରେ ଜାଲ ପ୍ରସାରନ୍ତି, ସେମାନେ ଅବସନ୍ନ ହେବେ ।
\s5
\v 9 ଆହୁରି, ଯେଉଁମାନେ ପରିଷ୍କୃତ ଛଣପଟର କାର୍ଯ୍ୟ କରନ୍ତି ଓ ଯେଉଁମାନେ ଶୁକ୍ଳ ବସ୍ତ୍ର ବୁଣନ୍ତି, ସେମାନେ ଲଜ୍ଜିତ ହେବେ ।
\v 10 ପୁଣି, ତାହାର ସ୍ତମ୍ଭସକଳ ଭଙ୍ଗାଯାଇ ଖଣ୍ଡ ଖଣ୍ଡ ହେବ, ବେତନ ପାଇଁ କାର୍ଯ୍ୟ କରିବା ଲୋକ ସମସ୍ତେ ପ୍ରାଣରେ ଦୁଃଖିତ ହେବେ ।
\s5
\v 11 ସୋୟନର ଅଧିପତିମାନେ ନିତାନ୍ତ ନିର୍ବୋଧ ଅଟନ୍ତି; ଫାରୋର ବିଜ୍ଞବର ମନ୍ତ୍ରୀଗଣର ମନ୍ତ୍ରଣା ପଶୁବତ୍‍ ହୋଇଅଛି; ତୁମ୍ଭେମାନେ କିପରି କରି ଫାରୋକୁ କହୁଅଛ, ଆମ୍ଭେ ଜ୍ଞାନୀମାନଙ୍କର ପୁତ୍ର, ପ୍ରାଚୀନ ରାଜାଗଣର ସନ୍ତାନ ?
\v 12 ତେବେ ତୁମ୍ଭର ଜ୍ଞାନୀ ଲୋକମାନେ କେଉଁଠାରେ ? ସେମାନେ ଏବେ ତୁମ୍ଭକୁ ଜଣାଉନ୍ତୁ ଓ ସୈନ୍ୟାଧିପତି ସଦାପ୍ରଭୁ ମିସର ବିଷୟରେ ଯାହା ମନ୍ତ୍ରଣା କରିଅଛନ୍ତି, ତାହା ସେମାନେ ଜାଣନ୍ତୁ ।
\s5
\v 13 ସୋୟନର ଅଧିପତିମାନେ ନିର୍ବୋଧ ହୋଇଅଛନ୍ତି, ନୋଫର ଅଧିପତିମାନେ ଭ୍ରାନ୍ତ ହୋଇଅଛନ୍ତି; ଯେଉଁମାନେ ମିସରୀୟ ଗୋଷ୍ଠୀବର୍ଗର କୋଣପ୍ରସ୍ତର ସ୍ୱରୂପ, ସେମାନେ ମିସରକୁ ବିପଥରେ ଗମନ କରାଇଅଛନ୍ତି ।
\v 14 ସଦାପ୍ରଭୁ ମିସର ମଧ୍ୟରେ ଭ୍ରାନ୍ତିରୂପ ଆତ୍ମା ମିଶ୍ରିତ କରିଅଛନ୍ତି; ପୁଣି, ମତ୍ତ ଲୋକ ଯେପରି ଆପଣା ବାନ୍ତିରେ ଟଳଟଳ ହୋଇ ପଡ଼େ, ସେପରି ସେମାନେ ମିସରକୁ ତାହାର ପ୍ରତ୍ୟେକ କର୍ମରେ ବିପଥଗାମୀ କରାଇଅଛନ୍ତି ।
\v 15 ପୁଣି, ମସ୍ତକ କିମ୍ବା ଲାଙ୍ଗୁଳ, କିମ୍ବା ତାଳବାହୁଙ୍ଗା କିମ୍ବା ଜଳଜ ତୃଣ ଯାହା କରିପାରେ, ଏପରି କୌଣସି କାର୍ଯ୍ୟ ମିସର ପାଇଁ କରାଯିବ ନାହିଁ ।
\s ମିସର, ଅଶୂର ଓ ଇସ୍ରାଏଲ ଆଶୀର୍ବାଦ ପ୍ରାପ୍ତ
\p
\s5
\v 16 ସେହି ଦିନ ମିସର ସ୍ତ୍ରୀମାନଙ୍କ ତୁଲ୍ୟ ହେବ, ପୁଣି, ସୈନ୍ୟାଧିପତି ସଦାପ୍ରଭୁ, ତାହା ଉପରେ ଯେଉଁ ହସ୍ତ ହଲାନ୍ତି, ତାହାଙ୍କର ସେହି ହସ୍ତ ହଲିବା ସକାଶୁ ସେ କମ୍ପିବ ଓ ଭୀତ ହେବ ।
\v 17 ମିସର ପ୍ରତି ଯିହୁଦା ଦେଶ ତ୍ରାସଜନକ ହେବ, ସୈନ୍ୟାଧିପତି ସଦାପ୍ରଭୁ ତାହାର ପ୍ରତିକୂଳରେ ଯେଉଁ ମନ୍ତ୍ରଣା କରନ୍ତି, ତହିଁ ସକାଶୁ ଯେ ପ୍ରତ୍ୟେକ ଲୋକକୁ ଯିହୁଦାର ନାମ କୁହାଯାଏ, ସେ ଭୀତ ହେବ ।
\s5
\v 18 ସେଦିନ ମିସର ଦେଶ ମଧ୍ୟରେ ପାଞ୍ଚ ନଗର କିଣାନୀୟ ଭାଷାବାଦୀ ହେବେ ଓ ସୈନ୍ୟାଧିପତି ସଦାପ୍ରଭୁଙ୍କ ନାମରେ ଶପଥ କରିବେ, ଏକ ନଗର ଉତ୍ପାଟନ ନଗର ବୋଲି ଖ୍ୟାତ ହେବ ।
\s5
\v 19 ସେହି ଦିନ ମିସର ଦେଶର ମଧ୍ୟସ୍ଥାନରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ଯଜ୍ଞବେଦି ହେବ ଓ ତହିଁର ସୀମା ନିକଟରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ସ୍ତମ୍ଭ ସ୍ଥାପିତ ହେବ ।
\v 20 ପୁଣି, ତାହା ମିସର ଦେଶରେ ସୈନ୍ୟାଧିପତି ସଦାପ୍ରଭୁଙ୍କର ଚିହ୍ନ ଓ ସାକ୍ଷୀ ସ୍ୱରୂପ ହେବ; କାରଣ ସେମାନେ ଉପଦ୍ରବୀଗଣର ସକାଶୁ ସଦାପ୍ରଭୁଙ୍କ ନିକଟରେ କ୍ରନ୍ଦନ କରିବେ, ତହିଁରେ ସେ ଜଣେ ତ୍ରାଣକର୍ତ୍ତା ଓ ରକ୍ଷକ ପଠାଇବେ ଓ ସେ ସେମାନଙ୍କୁ ଉଦ୍ଧାର କରିବେ ।
\s5
\v 21 ପୁଣି, ମିସରକୁ ସଦାପ୍ରଭୁଙ୍କର ପରିଚୟ ଦିଆଯିବ ଓ ସେଦିନ ମିସରୀୟମାନେ ସଦାପ୍ରଭୁଙ୍କୁ ଜାଣିବେ; ଆହୁରି, ସେମାନେ ବଳି ଓ ନୈବେଦ୍ୟ ଦେଇ ଆରାଧନା କରିବେ ଓ ସଦାପ୍ରଭୁଙ୍କ ନିକଟରେ ମାନତ କରି ତାହା ପୂର୍ଣ୍ଣ କରିବେ ।
\v 22 ପୁଣି, ସଦାପ୍ରଭୁ ମିସରକୁ ପ୍ରହାର କରିବେ, ପ୍ରହାର କରିବେ ଓ ସୁସ୍ଥ କରିବେ; ପୁଣି, ସେମାନେ ସଦାପ୍ରଭୁଙ୍କ ନିକଟକୁ ଫେରି ଆସିବେ, ତହିଁରେ ସେ ସେମାନଙ୍କର ବିନତି ଗ୍ରାହ୍ୟ କରି ସେମାନଙ୍କୁ ସୁସ୍ଥ କରିବେ ।
\s5
\v 23 ସେଦିନ ମିସରଠାରୁ ଅଶୂରକୁ ଏକ ରାଜପଥ ପଡ଼ିବ, ତହିଁରେ ଅଶୂରୀୟମାନେ ମିସରକୁ ଓ ମିସରୀୟମାନେ ଅଶୂରକୁ ଯାତାୟତ କରିବେ; ପୁଣି, ମିସରୀୟମାନେ ଅଶୂରୀୟମାନଙ୍କ ସଙ୍ଗେ ଆରାଧନା କରିବେ ।
\s5
\v 24 ସେହି ଦିନ ଇସ୍ରାଏଲ, ମିସର ଓ ଅଶୂରର ସଙ୍ଗେ ତୃତୀୟ ହୋଇ ପୃଥିବୀ ମଧ୍ୟରେ ଆଶୀର୍ବାଦର ପାତ୍ର ହେବ;
\v 25 କାରଣ ସୈନ୍ୟାଧିପତି ସଦାପ୍ରଭୁ ସେମାନଙ୍କୁ ଆଶୀର୍ବାଦ କରି କହିଅଛନ୍ତି, "ଆମ୍ଭର ଲୋକ ମିସର, ଆମ୍ଭର ହସ୍ତକୃତ କର୍ମ ଅଶୂର ଓ ଆମ୍ଭର ଅଧିକାର ଇସ୍ରାଏଲ ଆଶୀର୍ବାଦଯୁକ୍ତ ହେଉନ୍ତୁ ।"
\s5
\c 20
\s ମିସର ଓ କୂଶ ଦେଶ ପ୍ରତି ଏକ ଚିହ୍ନ
\p
\v 1 ଅଶୂରର ରାଜା ସର୍ଗୋନର ପ୍ରେରିତ ସେନାଧ୍ୟକ୍ଷ ଯେଉଁ ବର୍ଷ ଅସ୍‍ଦୋଦକୁ ଆସି ତାହା ପ୍ରତିକୂଳରେ ଯୁଦ୍ଧ କରି ହସ୍ତଗତ କଲା;
\v 2 ସେହି ସମୟରେ ଆମୋସର ପୁତ୍ର ଯିଶାଇୟ ଦ୍ୱାରା ସଦାପ୍ରଭୁ ଏହି କଥା କହିଲେ, "ଯାଅ, ତୁମ୍ଭ କଟିଦେଶରୁ ଚଟବସ୍ତ୍ର ଫିଟାଅ ଓ ତୁମ୍ଭ ପାଦରୁ ପାଦୁକା କାଢ଼", ତହିଁରେ ସେ ତାହା କରି ବିବସ୍ତ୍ର ଓ ଶୂନ୍ୟପଦ ହୋଇ ଭ୍ରମଣ କଲା ।
\s5
\v 3 ତେବେ ସଦାପ୍ରଭୁ କହିଲେ, "ଆମ୍ଭର ଦାସ ଯିଶାଇୟ ମିସର ଓ କୂଶ ଦେଶ ପ୍ରତି ଏକ ଚିହ୍ନ ଓ ଅଦ୍ଭୁତ ଲକ୍ଷଣ ସ୍ୱରୂପ ହେବା ପାଇଁ ଯେପରି ତିନି ବର୍ଷ ବିବସ୍ତ୍ର ଓ ଶୂନ୍ୟପଦ ହୋଇ ଭ୍ରମଣ କରିଅଛି;
\v 4 ସେପରି ଅଶୂରର ରାଜା ମିସ୍ରୀୟମାନଙ୍କ ଲଜ୍ଜାର ନିମନ୍ତେ ଆବାଳବୃଦ୍ଧ ମିସ୍ରୀୟ ବନ୍ଦୀ ଓ କୂଶୀୟ ନିର୍ବାସିତ ଲୋକମାନଙ୍କୁ ବିବସ୍ତ୍ର, ଶୂନ୍ୟପଦ ଓ ଅନାବୃତ କଟି କରି ଘେନିଯିବ ।
\s5
\v 5 ତହିଁରେ ଲୋକମାନେ ଆପଣାମାନଙ୍କର ବିଶ୍ୱାସଭୂମି କୂଶ ଓ ଆପଣାମାନଙ୍କର ଦର୍ପ ସ୍ୱରୂପ ମିସର ସକାଶୁ ନିରାଶ ଓ ଲଜ୍ଜିତ ହେବେ ।
\v 6 ପୁଣି, ସେହି ଦିନ ଏହି ସମୁଦ୍ର ଅଞ୍ଚଳସ୍ଥ ନିବାସୀମାନେ କହିବେ, ଦେଖ, ଅଶୂରର ରାଜାଠାରୁ ଉଦ୍ଧାର ପାଇବା ପାଇଁ ସାହାଯ୍ୟ ନିମନ୍ତେ ଯେଉଁଠାକୁ ପଳାଇଲୁ, ଆମ୍ଭମାନଙ୍କର ସେହି ବିଶ୍ୱାସଭୂମି ଏହି ପ୍ରକାର; ତେବେ ଆମ୍ଭେମାନେ ଅବା କିପ୍ରକାରେ ବଞ୍ଚିବା ?
\s5
\c 21
\s ବାବିଲର ପତନର ଦର୍ଶନ
\p
\v 1 ସାଗର ସମୀପସ୍ଥ ପ୍ରାନ୍ତର ବିଷୟକ ଭାରୋକ୍ତି । ତାହା ଦକ୍ଷିଣ ଦିଗରେ ଅତି ବେଗରେ ଅଗ୍ରସର ଘୂର୍ଣ୍ଣିବାୟୁ ତୁଲ୍ୟ ପ୍ରାନ୍ତରରୁ, ଏକ ଭୟଙ୍କର ଦେଶରୁ ଆସୁଅଛି ।
\v 2 ଏକ ଦୁଃଖଦାୟକ ଦର୍ଶନ ଆମ୍ଭ ପ୍ରତି ପ୍ରକାଶିତ ହୋଇଅଛି; ବିଶ୍ୱାସଘାତକ ବିଶ୍ୱାସଘାତକତା କରୁଅଛି ଓ ଲୁଟିତକାରୀ ଲୁଟୁଅଛି । ହେ ଏଲମ୍‍, ଉପରକୁ ଯାଅ; ହେ ମାଦୀୟେ, ଅବରୋଧ କର; ମୁଁ ତହିଁର ହାହାକାର ଧ୍ୱନିସବୁ ନିବୃତ୍ତ କରିଅଛି ।
\s5
\v 3 ଏନିମନ୍ତେ ମୋହର କଟିଦେଶ ଯନ୍ତ୍ରଣାରେ ପରିପୂର୍ଣ୍ଣ ହୋଇଅଛି; ପ୍ରସବକାରିଣୀର ବେଦନା ତୁଲ୍ୟ ବେଦନା ମୋତେ ଆକ୍ରାନ୍ତ କରିଅଛି; ମୁଁ ଏପରି ବ୍ୟଥିତ ଯେ, ମୁଁ ଶୁଣି ପାରୁ ନାହିଁ; ମୁଁ ଏପରି ବିହ୍ୱଳ ଯେ, ମୁଁ ଦେଖି ପାରୁ ନାହିଁ ।
\v 4 ମୋହର ହୃଦୟ ଧକାଉ ଅଛି, ମହାତ୍ରାସ ମୋତେ ଭୀତ କରାଉ ଅଛି; ଯେଉଁ ସନ୍ଧ୍ୟାକାଳ ମୁଁ ବାଞ୍ଛା କଲି, ତାହା ମୋ' ପ୍ରତି ଥରହରର କାରଣ ହୋଇଅଛି ।
\s5
\v 5 ସେମାନେ ମେଜ ସଜାନ୍ତି, ସେମାନେ ପ୍ରହରୀ ନିଯୁକ୍ତ କରନ୍ତି, ସେମାନେ ଭୋଜନ କରନ୍ତି, ସେମାନେ ପାନ କରନ୍ତି; ହେ ଅଧିପତିମାନେ, ଉଠ, ଢାଲ ତୈଳାକ୍ତ କର ।
\s5
\v 6 କାରଣ, ପ୍ରଭୁ ମୋତେ ଏହି କଥା କହିଅଛନ୍ତି, "ଯାଅ, ଏକ ଜଣ ପ୍ରହରୀ ନିଯୁକ୍ତ କର; ସେ ଯାହା ଦେଖେ, ତାହା ପ୍ରକାଶ କରୁ;
\v 7 ପୁଣି, ସେ ଯେତେବେଳେ ଏକ ଦଳ ସୈନ୍ୟ, ଦୁଇ ଦୁଇ ଅଶ୍ୱାରୋହୀ, ଏକ ଦଳ ଗର୍ଦ୍ଦଭାରୋହୀ ଓ ଏକ ଦଳ ଉଷ୍ଟ୍ରାରୋହୀ ଦେଖିବ, ସେତେବେଳେ ସେ ମନୋଯୋଗ-ପୂର୍ବକ ଅତି ଯତ୍ନରେ କର୍ଣ୍ଣପାତ କରିବ ।"
\s5
\v 8 ତହିଁରେ ସେ ସିଂହ ତୁଲ୍ୟ ଉଚ୍ଚ ଶବ୍ଦ କରି କହିଲା, "ହେ ପ୍ରଭୁ, ମୁଁ ଦିନବେଳେ ନିରନ୍ତର ପ୍ରହରୀଦୁର୍ଗରେ ଠିଆ ହୋଇଥାଏ ଓ କେତେକ ରାତ୍ରି ହେଲା ମୁଁ ଆପଣା ପହରା ସ୍ଥାନରେ ଅବସ୍ଥାପିତ ହୋଇଅଛି,"
\v 9 ଆଉ, ଦେଖ, ଏଠି ଏକ ଦଳ ଲୋକ ଦୁଇ ଦୁଇ ଅଶ୍ୱାରୋହୀ ହୋଇ ଆସୁଅଛନ୍ତି । ଆହୁରି, ସେ ପ୍ରତ୍ୟୁତ୍ତର କରି କହିଲା, "ବାବିଲ ପଡ଼ିଲା; ପଡ଼ିଲା ଓ ତାହାର ଖୋଦିତ ପ୍ରତିମାସବୁ ଭାଙ୍ଗି ଭୂମିସାତ୍‍ ହେଲା ।"
\s5
\v 10 ହେ ମୋହର ମର୍ଦ୍ଦିତ ଓ ମୋ' ଖମାରର ଶସ୍ୟ, ମୁଁ ଇସ୍ରାଏଲର ପରମେଶ୍ୱର ସୈନ୍ୟାଧିପତି ସଦାପ୍ରଭୁଙ୍କଠାରୁ ଯାହା ଶୁଣିଅଛି, ତାହା ତୁମ୍ଭମାନଙ୍କୁ ଜଣାଇଲି ।
\s5
\v 11 ଦୁମା ବିଷୟକ ଭାରୋକ୍ତି । ଜଣେ ସେୟୀରଠାରୁ ମୋତେ ଡାକି କହୁଅଛି, "ପ୍ରହରୀ, କେତେ ରାତ୍ର ହେଲା ? ପ୍ରହରୀ, କେତେ ରାତ୍ର ହେଲା ?"
\v 12 ପ୍ରହରୀ କହିଲା, "ପ୍ରଭାତ ଆସୁଅଛି ଓ ରାତ୍ରି ହିଁ ଆସୁଅଛି; ତୁମ୍ଭେମାନେ ଯଦି ପଚାରିବ, ପଚାର; ତୁମ୍ଭେମାନେ ଫେର, ଆସ ।"
\s5
\v 13 ଆରବ ବିଷୟକ ଭାରୋକ୍ତି । ହେ ଦଦାନୀୟ ପଥିକ ଦଳ, ତୁମ୍ଭେମାନେ ଆରବର ବନ ମଧ୍ୟରେ ରାତ୍ରି ଯାପନ କରିବ ।
\v 14 ଯେଉଁ ଜନ ତୃଷିତ ଥିଲା, ସେମାନେ ତାହା ନିକଟକୁ ଜଳ ଆଣିଲେ; ଟେମା ଦେଶବାସୀମାନେ ଭକ୍ଷ୍ୟ ନେଇ ପଳାତକମାନଙ୍କ ସଙ୍ଗେ ସାକ୍ଷାତ କଲେ ।
\v 15 କାରଣ ସେମାନେ ଖଡ଼୍‍ଗରୁ, ନିଷ୍କୋଷ ଖଡ଼୍‍ଗରୁ, ଗୁଣଦିଆ ଧନୁରୁ ଓ କ୍ଲେଶଜନକ ଯୁଦ୍ଧରୁ ପଳାଇଲେ ।
\s5
\v 16 ଯେହେତୁ ସଦାପ୍ରଭୁ ମୋତେ କହିଅଛନ୍ତି, "ବେତନଜୀବୀର ବର୍ଷ ପ୍ରମାଣେ ଏକ ବର୍ଷ ମଧ୍ୟରେ କେଦରର ସକଳ ପ୍ରତାପ ଲୁପ୍ତ ହେବ;
\v 17 ଆଉ, କେଦର ବଂଶୀୟ ବୀରଗଣ ମଧ୍ୟରେ ଅଳ୍ପସଂଖ୍ୟକ ଧନୁର୍ଦ୍ଧାରୀ ଅବଶିଷ୍ଟ ରହିବେ" କାରଣ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହା କହିଅଛନ୍ତି ।
\s5
\c 22
\s ଯିରୂଶାଲମ ପ୍ରତି ଭାବବାଣୀ
\p
\v 1 ଦର୍ଶନ ଉପତ୍ୟକା ବିଷୟକ ଭାରୋକ୍ତି । ଏବେ ତୁମ୍ଭର କ'ଣ ହେଉଅଛି ଯେ, ତୁମ୍ଭେ ସମସ୍ତେ ଗୃହର ଛାତ ଉପରକୁ ଯାଇଅଛ ?
\v 2 ହେ ଆନନ୍ଦ ଧ୍ୱନିପୂର୍ଣ୍ଣେ, କୋଳାହଳଯୁକ୍ତେ ନଗରୀ, ଉଲ୍ଲାସପ୍ରିୟେ ପୁରୀ; ତୁମ୍ଭର ହତ ଲୋକମାନେ ଖଡ଼୍‍ଗରେ ହତ ହୋଇ ନାହାନ୍ତି, କିଅବା ସେମାନେ ଯୁଦ୍ଧରେ ମରି ନାହାନ୍ତି ।
\s5
\v 3 ତୁମ୍ଭର ଶାସନକର୍ତ୍ତା ସମସ୍ତେ ଏକାବେଳେ ପଳାଇଲେ, ସେମାନେ ଧନୁର୍ଦ୍ଧାରୀମାନଙ୍କ ଦ୍ୱାରା ବନ୍ଧା ଗଲେ; ତୁମ୍ଭ ମଧ୍ୟରେ ପ୍ରାପ୍ତ ସମସ୍ତ ଲୋକ ଏକତ୍ର ବନ୍ଧା ଗଲେ, ସେମାନେ ଦୂରକୁ ପଳାଇଲେ ।
\v 4 ଏଥିପାଇଁ ମୁଁ କହିଲି, "ମୋତେ ଛାଡ଼ି ଅନ୍ୟଆଡ଼େ ଅନାଅ, ମୁଁ ଅତିଶୟ ରୋଦନ କରିବି; ମୋ' ଗୋଷ୍ଠୀୟ କନ୍ୟାର ସର୍ବନାଶ ବିଷୟରେ ମୋତେ ସାନ୍ତ୍ୱନା କରିବା ପାଇଁ ଚେଷ୍ଟା କର ନାହିଁ ।
\s5
\v 5 କାରଣ ଦର୍ଶନ ଉପତ୍ୟକାରେ ପ୍ରଭୁଙ୍କର, ସୈନ୍ୟାଧିପତି ସଦାପ୍ରଭୁଙ୍କର ପ୍ରେରିତ ପରାଜୟର, ଦଳନର, ବ୍ୟାକୁଳତାର ପ୍ରାଚୀର ଭଗ୍ନ ହେବାର ଓ ପର୍ବତଗଣ ପ୍ରତି ଆର୍ତ୍ତନାଦ କରିବାର ଦିନ ଏହି ।
\v 6 ପୁଣି, ଏଲମ୍‍ ରଥାରୋହୀ, ଅଶ୍ୱାରୋହୀ ସୈନ୍ୟ ସହିତ ତୂଣ ଧାରଣ କଲା ଓ କୀର୍‍ ଢାଲ ଅନାବୃତ କଲା ।
\v 7 ପୁଣି, ତୁମ୍ଭର ଅତି ଉତ୍କୃଷ୍ଟ ଉପତ୍ୟକାସବୁ ରଥମାନଙ୍କରେ ପରିପୂର୍ଣ୍ଣ ଥିଲା ଓ ଅଶ୍ୱାରୋହୀମାନେ ନଗର ଦ୍ୱାରରେ ସସଜ୍ଜ ହୋଇଥିଲେ ।"
\s5
\v 8 ପୁଣି, ସେ ଯିହୁଦାର ଓଢ଼ଣା କାଢ଼ି ପକାଇଲେ ଓ ସେହି ଦିନ ତୁମ୍ଭେ ବନଗୃହସ୍ଥ ଯୁଦ୍ଧାସ୍ତ୍ର ପ୍ରତି ଦୃଷ୍ଟି କଲ ।
\v 9 ଆଉ, ଦାଉଦନଗରର ଭଗ୍ନ ସ୍ଥାନ ଅନେକ ବୋଲି ତୁମ୍ଭେମାନେ ଦେଖିଲ ଓ ନୀଚସ୍ଥ ପୁଷ୍କରିଣୀର ଜଳସବୁ ଏକତ୍ର କଲ ।
\s5
\v 10 ପୁଣି, ତୁମ୍ଭେମାନେ ଯିରୂଶାଲମସ୍ଥ ଗୃହସବୁ ଗଣନା କଲ ଓ ପ୍ରାଚୀର ଦୃଢ଼ କରିବା ପାଇଁ ଗୃହସବୁ ଭାଙ୍ଗିଲ ।
\v 11 ମଧ୍ୟ ତୁମ୍ଭେମାନେ ପୁରାତନ ପୁଷ୍କରିଣୀର ଜଳ ନିମନ୍ତେ ଦୁଇ ପ୍ରାଚୀରର ମଧ୍ୟ ସ୍ଥାନରେ ଜଳାଶୟ ପ୍ରସ୍ତୁତ କଲ; ମାତ୍ର ଯେ ଏହା ସାଧନ କଲେ, ତୁମ୍ଭେମାନେ ତାହାଙ୍କ ପ୍ରତି ଅନାଇଲ ନାହିଁ, କିଅବା ଯେ ଦୀର୍ଘକାଳରୁ ଏଥିର ସଙ୍କଳ୍ପ କଲେ, ତୁମ୍ଭେମାନେ ତାହାଙ୍କୁ ଆଦର କଲ ନାହିଁ ।
\s5
\v 12 ପୁଣି, ସେଦିନ ପ୍ରଭୁ, ସୈନ୍ୟାଧିପତି ସଦାପ୍ରଭୁ ରୋଦନ ଓ ବିଳାପ ଓ ମସ୍ତକ ମୁଣ୍ଡନ ଓ କଟିଦେଶରେ ଚଟବନ୍ଧନ କରିବାକୁ ଡାକିଲେ;
\v 13 ମାତ୍ର ଦେଖ, ଆମୋଦ ପ୍ରମୋଦ, ଗୋବଧ ଓ ମେଷହନନ, ମାଂସ ଭୋଜନ ଓ ଦ୍ରାକ୍ଷାରସ ପାନ ହେଉଅଛି; ଆସ, ଆମ୍ଭେମାନେ ଭୋଜନ ପାନ କରୁ, କାରଣ କାଲି ଆମ୍ଭେମାନେ ମରିବା ।
\v 14 ପୁଣି, ସୈନ୍ୟାଧିପତି ସଦାପ୍ରଭୁ ସ୍ୱୟଂ ଆମ୍ଭ କର୍ଣ୍ଣଗୋଚରରେ ପ୍ରକାଶ କଲେ, ନିଶ୍ଚୟ ତୁମ୍ଭମାନଙ୍କର ମରଣକାଳ ପର୍ଯ୍ୟନ୍ତ ତୁମ୍ଭମାନଙ୍କର ଏହି ଅପରାଧ କ୍ଷମା ହେବ ନାହିଁ, ପ୍ରଭୁ ସୈନ୍ୟାଧିପତି ସଦାପ୍ରଭୁ ଏରୂପ କହନ୍ତି ।
\s5
\v 15 ପ୍ରଭୁ, ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେ ଏହି କୋଷାଧ୍ୟକ୍ଷ ନିକଟକୁ, ଅର୍ଥାତ୍‍, ଗୃହର ଅଧ୍ୟକ୍ଷ ଶୀବ୍‍ନ ନିକଟକୁ ଯାଇ କୁହ,
\v 16 ତୁମ୍ଭେ ଏଠାରେ କଅଣ କରୁଅଛ ? ଓ ଏଠାରେ ତୁମ୍ଭର କିଏ ଅଛି ଯେ, ତୁମ୍ଭେ ଆପଣା ପାଇଁ ଏକ କବର ଖୋଳିଅଛ ? ସେ ତ ଉଚ୍ଚ ସ୍ଥାନରେ ଆପଣା କବର ଖୋଳିଅଛି ଓ ଶୈଳରେ ଆପଣା ନିମନ୍ତେ ବାସସ୍ଥାନ ଖୋଦନ କରିଅଛି !
\s5
\v 17 ଦେଖ, ବୀରର ନ୍ୟାୟ ସଦାପ୍ରଭୁ ବଳରେ ତୁମ୍ଭକୁ ଫୋପାଡ଼ି ଦେବେ, ହଁ, ସେ ଦୃଢ଼ ରୂପେ ତୁମ୍ଭକୁ ଗୁଡ଼ାଇବେ ।
\v 18 ନିଶ୍ଚୟ ସେ ପେଣ୍ଡୁ ପରି ତୁମ୍ଭକୁ ବୁଲାଇ ଓ ଘୂରାଇ ଏକ ପ୍ରଶସ୍ତ ଦେଶରେ ନିକ୍ଷେପ କରିବେ; ସେଠାରେ ତୁମ୍ଭେ ମରିବ ଓ ସେଠାରେ ତୁମ୍ଭର ଗୌରବ ସ୍ୱରୂପ ରଥସବୁ ରହିବ, ତୁମ୍ଭେ ଆପଣା ପ୍ରଭୁଙ୍କ ଗୃହର କଳଙ୍କ ସ୍ୱରୂପ ।
\v 19 ପୁଣି, ଆମ୍ଭେ ତୁମ୍ଭକୁ ତୁମ୍ଭ ପଦରୁ ତଡ଼ି ଦେବା ଓ ସେ ତୁମ୍ଭକୁ ତୁମ୍ଭ ସ୍ଥାନରୁ ଟାଣି ଆଣି ତଳକୁ ପକାଇବେ ।
\s5
\v 20 ଆଉ, ସେଦିନ ଆମ୍ଭେ ଆପଣା ଦାସକୁ, ହିଲ୍‍କୀୟର ପୁତ୍ର ଇଲିୟାକୀମ୍‍କୁ ଡାକିବା;
\v 21 ପୁଣି, ଆମ୍ଭେ ତୁମ୍ଭର ଚୋଗା ତାହାକୁ ପରିଧାନ କରାଇବା ଓ ତୁମ୍ଭ କଟିବନ୍ଧନୀରେ ତାହାକୁ ବଳବାନ କରିବା ଓ ତୁମ୍ଭର କର୍ତ୍ତୃତ୍ୱାଧିକାର ତାହା ହସ୍ତରେ ସମର୍ପଣ କରିବା; ତହିଁରେ ସେ ଯିରୂଶାଲମ ନିବାସୀମାନଙ୍କର ଓ ଯିହୁଦା ବଂଶର ପିତା ହେବ ।
\v 22 ପୁଣି, ଆମ୍ଭେ ଦାଉଦବଂଶର ଚାବି ତାହାର ସ୍କନ୍ଧରେ ରଖିବା, ସେ ଫିଟାଇଲେ, କେହି ବନ୍ଦ କରିବ ନାହିଁ ଓ ସେ ବନ୍ଦ କଲେ, କେହି ଫିଟାଇବ ନାହିଁ ।
\s5
\v 23 ଆଉ, ଆମ୍ଭେ ଖିଲ ପରି ଏକ ଦୃଢ଼ ସ୍ଥାନରେ ତାହାକୁ ବିଦ୍ଧ କରିବା ଓ ସେ ଆପଣା ପିତୃବଂଶର ଗୌରବର ସିଂହାସନ ସ୍ୱରୂପ ହେବ ।
\v 24 ପୁଣି, ଲୋକମାନେ ତାହାର ପିତୃବଂଶର ସକଳ ଗୌରବ, ସନ୍ତାନସନ୍ତତି ଓ ପାନପାତ୍ରଠାରୁ କଳଶ ପର୍ଯ୍ୟନ୍ତ ପ୍ରତ୍ୟେକ କ୍ଷୁଦ୍ର ପାତ୍ର ତାହା ଉପରେ ଟଙ୍ଗାଇବେ ।
\s5
\v 25 ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, "ଯେଉଁ ଖିଲ ଦୃଢ଼ ସ୍ଥାନରେ ବଦ୍ଧ ଥିଲା, ତାହା ସେଦିନ ଅପସରି ଯିବ ଓ ତାହା ଖୋଦିତ ହୋଇ ତଳେ ପଡ଼ିବ, ପୁଣି ତାହା ଉପରେ ଥିବାର ବୋଝ ନଷ୍ଟ ହେବ, କାରଣ ସଦାପ୍ରଭୁ ଏହା କହିଅଛନ୍ତି ।"
\s5
\c 23
\s ସୋର ସୀଦୋନ ପ୍ରତି ଭାବବାଣୀ
\p
\v 1 ସୋର ବିଷୟକ ଭାରୋକ୍ତି । ହେ ତର୍ଶୀଶ୍‍ର ଜାହାଜସକଳ, ତୁମ୍ଭେମାନେ ହାହାକାର କର; କାରଣ ତାହା ଏପରି ଉଚ୍ଛିନ୍ନ ହେଲା ଯେ, ତହିଁ ମଧ୍ୟରେ କୌଣସି ଗୃହ ନାହିଁ, କିମ୍ବା ପ୍ରବେଶିବାର ପଥ ନାହିଁ; କିତ୍ତୀମ ଦେଶରୁ ଏହା ସେମାନଙ୍କ ପ୍ରତି ପ୍ରକାଶିତ ହେଲା ।
\v 2 ହେ ଦ୍ୱୀପନିବାସୀମାନେ, ତୁମ୍ଭେମାନେ ନୀରବ ହୁଅ; ସମୁଦ୍ର ପାରଗାମୀ ସୀଦୋନୀୟ ବଣିକମାନେ ତୁମ୍ଭ (ଦେଶ)କୁ ପରିପୂର୍ଣ୍ଣ କଲେ ।
\v 3 ପୁଣି, ମହାଜଳରାଶିରେ ଷୀୟୋରର ବୀଜ ଓ ନୀଳନଦୀର ଶସ୍ୟ ତାହାର ଆୟ ଥିଲା; ପୁଣି, ତାହା ନାନା ଦେଶୀୟମାନଙ୍କର ଗଞ୍ଜ ସ୍ୱରୂପ ଥିଲା ।
\s5
\v 4 ହେ ସୀଦୋନ, ତୁମ୍ଭେ ଲଜ୍ଜିତ ହୁଅ, କାରଣ ସାଗର, ସାଗରର ଦୃଢ଼ ଦୁର୍ଗ ଏହି କଥା କହିଅଛି, "ଆମ୍ଭେ ପ୍ରସବବେଦନା ଭୋଗି ନାହୁଁ, ପ୍ରସବ କରି ନାହୁଁ କିଅବା ଯୁବକଗଣର ପ୍ରତିପାଳନ କରି ନାହୁଁ, କିମ୍ବା ଯୁବତୀଗଣର ଭରଣପୋଷଣ କରି ନାହୁଁ ।"
\v 5 ଏହି ସମ୍ବାଦ ମିସରରେ ଉପସ୍ଥିତ ହେଲେ, ଲୋକମାନେ ସୋର ବିଷୟକ ସମ୍ବାଦରେ ଅତ୍ୟନ୍ତ ବ୍ୟଥିତ ହେବେ ।
\s5
\v 6 ତୁମ୍ଭେମାନେ ପାର ହୋଇ ତର୍ଶୀଶ‌୍‌କୁ ଯାଅ; ହେ ଦ୍ୱୀପନିବାସୀମାନେ, ହାହାକାର କର ।
\v 7 ଏହି କି ତୁମ୍ଭମାନଙ୍କର ଉଲ୍ଲାସକାରିଣୀ ନଗରୀ ? ଏହା ପ୍ରାଚୀନ କାଳରେ ହେଁ ପ୍ରାଚୀନ ଥିଲା; ଏହାର ଚରଣ ଦୂର ଦେଶରେ ପ୍ରବେଶ କରିବା ପାଇଁ ଏହାକୁ ନେଇଗଲା ।
\s5
\v 8 ମୁକୁଟ ବିତରଣକାରିଣୀ ସୋରର ବଣିକମାନେ ରାଜ ତୁଲ୍ୟ, ତାହାର ମହାଜନମାନେ ପୃଥିବୀର ସମ୍ଭ୍ରାନ୍ତ ଲୋକ; ତାହାର ବିପରୀତରେ ଏହି ମନ୍ତ୍ରଣା କିଏ କରିଅଛି ?
\v 9 ସୈନ୍ୟାଧିପତି ସଦାପ୍ରଭୁ ତାହାର ଭୂଷଣର ଅହଙ୍କାର ଅଶୁଚି କରିବା ଓ ପୃଥିବୀର ସମ୍ଭ୍ରାନ୍ତ ଲୋକସମସ୍ତଙ୍କୁ ତୁଚ୍ଛନୀୟ କରିବା ନିମନ୍ତେ ଏହି ମନ୍ତ୍ରଣା କରିଅଛନ୍ତି ।
\s5
\v 10 ଆଗୋ ତର୍ଶୀଶ୍‍ର କନ୍ୟେ, ତୁମ୍ଭେ ନୀଳନଦୀ ତୁଲ୍ୟ ଆପଣା ଦେଶ ମଧ୍ୟ ଦେଇ ଯାଅ, ତୁମ୍ଭର କଟିବନ୍ଧନ ଆଉ ନାହିଁ ।
\v 11 ସେ ସମୁଦ୍ର ଉପରେ ଆପଣା ହସ୍ତ ବିସ୍ତାର କରିଅଛନ୍ତି, ସେ ରାଜ୍ୟସକଳକୁ ହଲାଇ ଅଛନ୍ତି; ସଦାପ୍ରଭୁ କିଣାନର ଦୃଢ଼ ଦୁର୍ଗସବୁ ଉଚ୍ଛିନ୍ନ କରିବା ନିମନ୍ତେ ତାହାର ପ୍ରତିକୂଳରେ ଆଜ୍ଞା କରିଅଛନ୍ତି ।
\v 12 ପୁଣି, ସେ କହିଲେ, "ଆଗୋ ସୀଦୋନର ଉପଦ୍ରୁତେ, ଅନୂଢ଼େ କନ୍ୟେ, ତୁମ୍ଭେ ଆଉ ଉଲ୍ଲାସ କରିବ ନାହିଁ, ଉଠ, ପାର ହୋଇ କିତ୍ତୀମକୁ ଯାଅ; ସେଠାରେ ସୁଦ୍ଧା ତୁମ୍ଭେ କିଛି ବିଶ୍ରାମ ପାଇବ ନାହିଁ ।"
\s5
\v 13 କଲଦୀୟମାନଙ୍କର ଦେଶକୁ ଦେଖ; ଏହି ଲୋକେ ଆଉ ନାହାନ୍ତି; ବନ୍ୟ ଜନ୍ତୁଗଣ ନିମନ୍ତେ ଅଶୂରୀୟ ତାହା ନିରୂପଣ କରିଅଛି; ସେମାନେ ଦୁର୍ଗ କରି ତାହାର ଅଟ୍ଟାଳିକାସକଳ ଉତ୍ପାଟନ କଲେ; ସେ ତାହା କାନ୍ଥଡ଼ାର ଢ଼ିପି କଲା ।
\v 14 ହେ ତର୍ଶୀଶ୍‍ର ଜାହାଜସମୂହ, ହାହାକାର କର, କାରଣ ତୁମ୍ଭମାନଙ୍କର ଦୃଢ଼ ଦୁର୍ଗ ଉଚ୍ଛିନ୍ନ ହେଲା ।
\s5
\v 15 ସେଦିନ ଏପରି ଘଟିବ ଯେ, ଏକ ରାଜାର ଅଧିକାରର ସମୟ ପ୍ରମାଣେ ସୋର ସତୁରି ବର୍ଷ ପର୍ଯ୍ୟନ୍ତ ବିସ୍ମୃତ ହେବ; ସତୁରି ବର୍ଷ ଶେଷ ହେଲା ଉତ୍ତାରେ ବେଶ୍ୟାର ଗୀତ ଅନୁଯାୟୀ ସୋର ପ୍ରତି ଘଟିବ ।
\v 16 ହେ ବିସ୍ମୃତ ବେଶ୍ୟେ, ବୀଣା ନେଇ ନଗର ଭ୍ରମଣ କର; ତୁମ୍ଭେ ଯେପରି ସ୍ମୃତିପଥରେ ଆସିବ, ଏଥିପାଇଁ ମଧୁର ତାଳରେ ବଜାଅ, ଅନେକ ଗୀତ ଗାଅ ।
\s5
\v 17 ଆହୁରି, ସତୁରି ବର୍ଷ ସମାପ୍ତ ହେଲା ଉତ୍ତାରେ ସଦାପ୍ରଭୁ ସୋରର ତତ୍ତ୍ୱ ଅନୁସନ୍ଧାନ କରିବେ, ତହୁଁ ସେ ଆପଣା ଭଡ଼ାଟୀୟା ବୃତ୍ତିକୁ ଫେରିବ, ପୁଣି, ଭୂମଣ୍ଡଳରେ ସର୍ବତ୍ର ପୃଥିବୀସ୍ଥ ସକଳ ରାଜ୍ୟ ସଙ୍ଗେ ବେଶ୍ୟା ବୃତ୍ତି କରିବ ।
\v 18 ଆଉ, ତାହାର ବାଣିଜ୍ୟ ଓ ଭଡ଼ା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ହେବ; ତାହା ଭଣ୍ଡାରରେ ରଖାଯିବ ନାହିଁ କି ସଞ୍ଚୟ କରାଯିବ ନାହିଁ; କାରଣ ଯେଉଁମାନେ ସଦାପ୍ରଭୁଙ୍କ ସମ୍ମୁଖରେ ବାସ କରନ୍ତି, ସେମାନଙ୍କର ଯଥେଷ୍ଟ ଭକ୍ଷ୍ୟ ଓ ଚିରସ୍ଥାୟୀ ବସ୍ତ୍ର ନିମନ୍ତେ ତାହାର ବାଣିଜ୍ୟ ହେବ ।
\s5
\c 24
\s ସମୂଦାୟ ପୃଥିବୀର ବିଚାର
\p
\v 1 ଦେଖ, ସଦାପ୍ରଭୁ ପୃଥିବୀକୁ ଶୂନ୍ୟ ଓ ଉଜାଡ଼ କରୁଅଛନ୍ତି, ଆଉ ତାହା ଓଲଟାଇ ତହିଁର ନିବାସୀମାନଙ୍କୁ ଛିନ୍ନଭିନ୍ନ କରୁଅଛନ୍ତି ।
\v 2 ତହିଁରେ ଯେପରି ଲୋକମାନଙ୍କର, ସେପରି ଯାଜକର; ଯେପରି ଦାସର, ସେପରି ତାହାର କର୍ତ୍ତାର; ଯେପରି ଦାସୀର, ସେପରି ତାହାର କର୍ତ୍ତ୍ରୀର; ଯେପରି କ୍ରୟକାରୀର, ସେପରି ବିକ୍ରୟକାରୀର; ଯେପରି ମହାଜନର, ସେପରି ଖାତକର; ଯେପରି ସୁଧଗ୍ରାହୀର, ସେପରି ସୁଧଦାତାର ପ୍ରତି ଘଟିବ ।
\s5
\v 3 ପୃଥିବୀ ସମ୍ପୂର୍ଣ୍ଣ ରୂପେ ଶୂନ୍ୟ ଓ ସମ୍ପୂର୍ଣ୍ଣ ରୂପେ ଲୁଟିତିତ ହେବ; କାରଣ ସଦାପ୍ରଭୁ ଏହି କଥା କହିଅଛନ୍ତି ।
\v 4 ପୃଥିବୀ ଶୋକ କରି ନିସ୍ତେଜ ହେଉଅଛି, ଜଗତ ମ୍ଳାନ ହୋଇ ନିସ୍ତେଜ ହେଉଅଛି, ପୃଥିବୀର ଉଚ୍ଚ ଲୋକମାନେ ମ୍ଳାନ ହୁଅନ୍ତି ।
\v 5 ପୃଥିବୀ ତନ୍ନିବାସୀମାନଙ୍କ ପଦ ତଳେ ଅପବିତ୍ର ହୋଇଅଛି, କାରଣ ସେମାନେ ବ୍ୟବସ୍ଥାସବୁ ଲଙ୍ଘନ କରିଅଛନ୍ତି, ବିଧି ଅନ୍ୟଥା କରିଅଛନ୍ତି, ଅନନ୍ତକାଳସ୍ଥାୟୀ ନିୟମ ଭାଙ୍ଗିଅଛନ୍ତି ।
\s5
\v 6 ଏହେତୁ ଅଭିଶାପ ପୃଥିବୀକୁ ଗ୍ରାସ କରିଅଛି ଓ ତନ୍ନିବାସୀଗଣ ଅପରାଧୀ ହୋଇଅଛନ୍ତି; ତହିଁ ନିମନ୍ତେ ପୃଥିବୀ ନିବାସୀମାନେ ଦଗ୍ଧ ହୋଇଅଛନ୍ତି ଓ ଅଳ୍ପ ଲୋକ ଅବଶିଷ୍ଟ ଅଛନ୍ତି ।
\v 7 ନୂତନ ଦ୍ରାକ୍ଷାରସ ଶୋକ କରୁଅଛି, ଦ୍ରାକ୍ଷାଲତା ମ୍ଳାନ ହେଉଅଛି, ପ୍ରଫୁଲ୍ଲଚିତ୍ତ ସମସ୍ତେ ଦୀର୍ଘ ନିଶ୍ୱାସ ଛାଡ଼ୁଅଛନ୍ତି ।
\s5
\v 8 ତବଲାର ଆମୋଦ ନିବୃତ୍ତ ହେଉଅଛି, ଉଲ୍ଲାସକାରୀମାନଙ୍କର ଧ୍ୱନି ଶେଷ ହେଉଅଛି, ବୀଣାର ଆନନ୍ଦ ନିବୃତ୍ତ ହେଉଅଛି ।
\v 9 ଲୋକମାନେ ଗାନ ସହକାରେ ଦ୍ରାକ୍ଷାରସ ପାନ କରିବେ ନାହିଁ; ସୁରାପାୟୀମାନଙ୍କୁ ସୁରା ତିକ୍ତ ଲାଗିବ ।
\s5
\v 10 ନିର୍ଜନ ନଗର ଭଗ୍ନ ହୋଇଅଛି; କୌଣସି ମନୁଷ୍ୟ ଯେପରି ଭିତରକୁ ଯାଇ ନ ପାରିବ, ଏଥିପାଇଁ ପ୍ରତ୍ୟେକ ଗୃହ ରୁଦ୍ଧ ହୋଇଅଛି ।
\v 11 ଦ୍ରାକ୍ଷାରସ ସକାଶେ ସଡ଼କରେ ଚିତ୍କାର ହୁଏ; ସବୁ ପ୍ରକାର ଆନନ୍ଦ ଅନ୍ଧକାରାଚ୍ଛନ୍ନ ହୋଇଅଛି, ଦେଶର ଆମୋଦ ଯାଇଅଛି ।
\s5
\v 12 ନଗରରେ ଧ୍ୱଂସତା ମାତ୍ର ଅବଶିଷ୍ଟ ଥାଏ ଓ ଦ୍ୱାର ଭଗ୍ନ ହୋଇ ବିନଷ୍ଟ ହୋଇଅଛି ।
\v 13 କାରଣ ଯେପରି ଜୀତବୃକ୍ଷ ଝାଡ଼ିବା ବେଳେ ହୁଏ ଓ ଦ୍ରାକ୍ଷାଫଳ ସଂଗ୍ରହ ଉତ୍ତାରେ ଯେପରି ଦ୍ରାକ୍ଷା ସାଉଁଟିବାର ହୁଏ, ସେପରି ପୃଥିବୀସ୍ଥ ଗୋଷ୍ଠୀୟମାନଙ୍କ ମଧ୍ୟରେ ଘଟିବ ।
\s5
\v 14 ଏମାନେ ଉଚ୍ଚ ରବ କରିବେ, ଏମାନେ ଆନନ୍ଦଧ୍ୱନି କରିବେ; ସଦାପ୍ରଭୁଙ୍କର ମହିମା ହେତୁରୁ ସେମାନେ ସମୁଦ୍ରରୁ ଉଚ୍ଚ ଧ୍ୱନି କରିବେ ।
\v 15 ଏହେତୁ ତୁମ୍ଭେମାନେ ପୂର୍ବଦେଶରେ ସଦାପ୍ରଭୁଙ୍କର, ଅର୍ଥାତ୍‍, ଇସ୍ରାଏଲର ପରମେଶ୍ୱର ସଦାପ୍ରଭୁଙ୍କ ନାମର ଗୌରବ ସମୁଦ୍ରର ଦ୍ୱୀପସମୂହରେ ପ୍ରକାଶ କର ।
\s5
\v 16 ଧାର୍ମିକମାନେ ଶୋଭା ପାଆନ୍ତି, ଏହି ଗାନ ଆମ୍ଭେମାନେ ପୃଥିବୀର ପ୍ରାନ୍ତ ସୀମାରୁ ଶୁଣିଅଛୁ । ମାତ୍ର ମୁଁ କହିଲି, "ମୁଁ କ୍ଷୀଣ ହେଉଅଛି, ମୁଁ କ୍ଷୀଣ ହେଉଅଛି ! ମୁଁ ସନ୍ତାପର ପାତ୍ର !" ବିଶ୍ୱାସଘାତକମାନେ ବିଶ୍ୱାସଘାତକତା କରିଅଛନ୍ତି; ହଁ, ବିଶ୍ୱାସଘାତକମାନେ ଅତିଶୟ ବିଶ୍ୱାସଘାତକତା କରିଅଛନ୍ତି ।"
\s5
\v 17 ହେ ପୃଥିବୀନିବାସୀ ଲୋକ, ତୁମ୍ଭ ନିମନ୍ତେ ଭୟ, ଗର୍ତ୍ତ ଓ ଫାନ୍ଦ ପ୍ରସ୍ତୁତ ଅଛି ।
\v 18 ଆଉ, ଏପରି ଘଟିବ, କେହି ଯଦି ଭୟର ଶବ୍ଦରୁ ପଳାଏ, ସେ ଗର୍ତ୍ତରେ ପଡ଼ିବ; କେହି ଗର୍ତ୍ତ ମଧ୍ୟରୁ ଉଠି ଆସିଲେ, ସେ ଫାନ୍ଦରେ ଧରା ଯିବ; କାରଣ ଉର୍ଦ୍ଧ୍ୱସ୍ଥ ଝରକାସବୁ ମୁକ୍ତ ଅଛି ଓ ପୃଥିବୀର ମୂଳସବୁ କମ୍ପମାନ ହେଉଅଛି ।
\s5
\v 19 ପୃଥିବୀ ନିତାନ୍ତ ବିଦୀର୍ଣ୍ଣ ହେଉଅଛି, ପୃଥିବୀ ନିତାନ୍ତ ତରଳି ଯାଇଅଛି, ପୃଥିବୀ ଅତିଶୟ ବିଚଳିତ ହୋଇଅଛି ।
\v 20 ପୃଥିବୀ ମତ୍ତ ଲୋକ ପରି ଟଳଟଳ ହେବ ଓ କୁଡ଼ିଆ ଘର ପରି ଏଣେତେଣେ ଦୋହଲିବ; ଆଉ, ତାହାର ଅପରାଧ ତାହା ଉପରେ ଭାରୀ ହେବ, ତହିଁରେ ସେ ପଡ଼ିବ, ଆଉ ଉଠିବ ନାହିଁ ।
\s5
\v 21 ପୁଣି, ସେଦିନ ସଦାପ୍ରଭୁ ଉର୍ଦ୍ଧ୍ୱରେ ଉର୍ଦ୍ଧ୍ୱସ୍ଥମାନଙ୍କର ସୈନ୍ୟସାମନ୍ତକୁ ଓ ଭୂମଣ୍ଡଳରେ ଭୂମଣ୍ଡଳସ୍ଥ ରାଜାଗଣଙ୍କୁ ପ୍ରତିଫଳ ଦେବେ ।
\v 22 ତହିଁରେ ଯେପରି ବନ୍ଦୀମାନେ କୂପରେ ଏକତ୍ରୀକୃତ ହୁଅନ୍ତି, ସେପରି ସେମାନେ ଏକତ୍ରୀକୃତ ହୋଇ ବନ୍ଦୀଗୃହରେ ରୁଦ୍ଧ ହେବେ, ପୁଣି, ଅନେକ ଦିନ ଉତ୍ତାରେ ସେମାନଙ୍କର ତତ୍ତ୍ୱାନୁସନ୍ଧାନ କରାଯିବ ।
\v 23 ସେତେବେଳେ ଚନ୍ଦ୍ର ଅପ୍ରସ୍ତୁତ ଓ ସୂର୍ଯ୍ୟ ଲଜ୍ଜିତ ହେବ; କାରଣ ସୈନ୍ୟାଧିପତି ସଦାପ୍ରଭୁ ସିୟୋନ ପର୍ବତରେ, ଯିରୂଶାଲମରେ ଓ ତାହାଙ୍କ ପ୍ରାଚୀନବର୍ଗର ସମ୍ମୁଖରେ ମହାପ୍ରତାପରେ ରାଜତ୍ୱ କରିବେ ।
\s5
\c 25
\s ପ୍ରଶଂସାର ଗୀତ
\p
\v 1 ହେ ସଦାପ୍ରଭୁ, ତୁମ୍ଭେ ମୋହର ପରମେଶ୍ୱର; ମୁଁ ତୁମ୍ଭର ଗୌରବ କରିବି, ମୁଁ ତୁମ୍ଭ ନାମର ପ୍ରଶଂସା କରିବି; କାରଣ ତୁମ୍ଭେ ଆଶ୍ଚର୍ଯ୍ୟକ୍ରିୟା, ଅର୍ଥାତ୍‍, ପୁରାତନ କାଳର ମନ୍ତ୍ରଣାସବୁ ବିଶ୍ୱସ୍ତତାରେ ଓ ସତ୍ୟରେ ସାଧନ କରିଅଛ ।
\v 2 ଯେହେତୁ ତୁମ୍ଭେ ନଗରକୁ ଢିପି, ପ୍ରାଚୀରବେଷ୍ଟିତ ନଗରକୁ କାନ୍ଥଡ଼ା କରିଅଛ; ବିଦେଶୀମାନଙ୍କ ରାଜପୁରୀକୁ ବିନଷ୍ଟ କରିଅଛ; ତାହା ଆଉ କେବେ ନିର୍ମିତ ହେବ ନାହିଁ ।
\v 3 ଏଥିପାଇଁ ବଳବାନ ଲୋକମାନେ ତୁମ୍ଭର ଗୌରବ କରିବେ ଓ ଭୟଙ୍କର ଗୋଷ୍ଠୀୟମାନଙ୍କ ନଗର ତୁମ୍ଭଙ୍କୁ ଭୟ କରିବ ।
\s5
\v 4 କାରଣ ତୁମ୍ଭେ ଦରିଦ୍ରର ଦୃଢ଼ ଦୁର୍ଗ, ଦୀନହୀନର ସଙ୍କଟ ସମୟରେ ତାହାର ଦୃଢ଼ ଦୁର୍ଗ, ଭୟଙ୍କର ଲୋକମାନଙ୍କ ଶ୍ୱାସବାୟୁ ପ୍ରବଳ ବତାସ ତୁଲ୍ୟ ପ୍ରାଚୀରରେ ଲାଗିବା ବେଳେ ପ୍ରବଳ ବତାସ ନିବାରକ ଆଶ୍ରୟ, ତାପ ନିବାରକ ଛାୟା ହୋଇଅଛ ।
\v 5 ଯେପରି ତୁମ୍ଭେ ଶୁଷ୍କ ଦେଶରେ ତାପକୁ, ସେପରି ବିଦେଶୀମାନଙ୍କର କୋଳାହଳକୁ ନିବାରଣ କରିବ; ଯେପରି ମେଘର ଛାୟା ଦ୍ୱାରା ତାପ, ସେପରି ଭୟଙ୍କର ଲୋକମାନଙ୍କର ଗାୟନ ଧ୍ୱନି କ୍ଷାନ୍ତ କରାଯିବ ।
\s5
\v 6 ପୁଣି, ସୈନ୍ୟାଧିପତି ସଦାପ୍ରଭୁ ଏହି ପର୍ବତରେ ଯାବତୀୟ ଗୋଷ୍ଠୀ ନିମନ୍ତେ ଉତ୍ତମ ଉତ୍ତମ ଖାଦ୍ୟଦ୍ରବ୍ୟର ଏକ ଭୋଜ, ପୁରାତନ ଦ୍ରାକ୍ଷାରସର, ମେଦପୂର୍ଣ୍ଣ ଉତ୍ତମ ଖାଦ୍ୟଦ୍ରବ୍ୟର, ସୁନିର୍ମଳୀକୃତ ପୁରାତନ ଦ୍ରାକ୍ଷାରସର ଏକ ଭୋଜ ପ୍ରସ୍ତୁତ କରିବେ ।
\v 7 ଆଉ, ସର୍ବଗୋଷ୍ଠୀୟମାନଙ୍କ ଉପରେ ଯେଉଁ ଓଢ଼ଣା ପଡ଼ିଅଛି ଓ ସର୍ବଦେଶୀୟମାନଙ୍କ ଉପରେ ଯେଉଁ ଆବରକ ବସ୍ତ୍ର ପ୍ରସାରିତ ହୋଇଅଛି, ତାହା ସେ ଏହି ପର୍ବତରେ ବିନାଶ କରିବେ ।
\v 8 ସେ ମୃତ୍ୟୁକୁ ଅନନ୍ତ କାଳ ନିମନ୍ତେ ଗ୍ରାସ କରିଅଛନ୍ତି ଓ ପ୍ରଭୁ, ସଦାପ୍ରଭୁ, ସମସ୍ତଙ୍କ ମୁଖରୁ ଲୋତକ ଜଳ ପୋଛି ଦେବେ ଓ ସମୁଦାୟ ପୃଥିବୀରୁ ଆପଣା ଲୋକମାନଙ୍କର ଦୁର୍ନାମ ଦୂର କରିବେ; କାରଣ ସଦାପ୍ରଭୁ ଏହି କଥା କହିଅଛନ୍ତି ।
\s5
\v 9 ପୁଣି, ସେହି ଦିନ ଏହି କଥା କୁହାଯିବ, "ଦେଖ, ଏହି ଆମ୍ଭମାନଙ୍କର ପରମେଶ୍ୱର; ଆମ୍ଭେମାନେ ତାହାଙ୍କୁ ଅପେକ୍ଷା କରିଅଛୁ ଓ ସେ ଆମ୍ଭମାନଙ୍କୁ ଉଦ୍ଧାର କରିବେ; ଏ ସଦାପ୍ରଭୁ ଅଟନ୍ତି; ଆମ୍ଭେମାନେ ତାହାଙ୍କୁ ଅପେକ୍ଷା କରିଅଛୁ, ଆମ୍ଭେମାନେ ତାହାଙ୍କ କୃତ ପରିତ୍ରାଣରେ ଆନନ୍ଦିତ ହୋଇ ଉଲ୍ଲାସ କରିବୁ ।"
\v 10 କାରଣ ଏହି ପର୍ବତରେ ସଦାପ୍ରଭୁଙ୍କର ହସ୍ତ ଅଧିଷ୍ଠିତ ହେବ, ଆଉ ଯେପରି କୁଟା ଖତଗଦାର ଜଳରେ ପଦ ତଳେ ଦଳିତ ହୁଏ, ସେପରି ମୋୟାବ ସ୍ୱସ୍ଥାନରେ ଦଳିତ ହେବ ।
\s5
\v 11 ଆଉ, ପହଁରିବା ଲୋକ ଯେପରି ପହଁରିବା ପାଇଁ ହସ୍ତ ବିସ୍ତାର କରେ, ସେପରି ସେ ତହିଁ ମଧ୍ୟରେ ଆପଣା ହସ୍ତ ବିସ୍ତାର କରିବ; ମାତ୍ର ତାହାର ହସ୍ତ-କୌଶଳ ସମେତ ସେ ତାହାର ଗର୍ବ ଖର୍ବ କରିବେ ।
\v 12 ପୁଣି, ସେ ତୁମ୍ଭର ଉଚ୍ଚ ପ୍ରାଚୀରଯୁକ୍ତ ଦୃଢ଼ ଦୁର୍ଗ ନିପାତ କରି ନତ କରିଅଛନ୍ତି ଓ ତାହା ଭୂମିସାତ୍‍ କରି ଧୂଳିରେ ମିଶାଇ ଅଛନ୍ତି ।
\s5
\c 26
\s ଈଶ୍ୱରଙ୍କ ଲୋକଙ୍କ ବିଜୟ
\p
\v 1 ସେହି ଦିନ ଯିହୁଦା ଦେଶରେ ଏହି ଗୀତ ଗାନ କରାଯିବ; "ଆମ୍ଭମାନଙ୍କର ଗୋଟିଏ ଦୃଢ଼ ନଗର ଅଛି; ସେ ପରିତ୍ରାଣକୁ ତହିଁର ପ୍ରାଚୀର ଓ ପରିଖା ସ୍ୱରୂପ କରିବେ ।
\v 2 ସତ୍ୟପାଳନକାରୀ ଧାର୍ମିକ ଗୋଷ୍ଠୀ ଯେପରି ପ୍ରବେଶ କରି ପାରିବେ, ଏଥିପାଇଁ ତୁମ୍ଭେମାନେ ନଗରର ଦ୍ୱାରସବୁ ମୁକ୍ତ କର ।
\s5
\v 3 ଯାହାର ମନ ତୁମ୍ଭଠାରେ ସ୍ଥିର ଥାଏ, ତାହାକୁ ତୁମ୍ଭେ ସମ୍ପୂର୍ଣ୍ଣ ଶାନ୍ତିରେ ରଖିବ; କାରଣ ସେ ତୁମ୍ଭଠାରେ ନିର୍ଭର ରଖେ ।
\v 4 ତୁମ୍ଭେମାନେ ସଦାକାଳ ସଦାପ୍ରଭୁଙ୍କଠାରେ ନିର୍ଭର ରଖ; କାରଣ ସଦାପ୍ରଭୁ ଯିହୋବାଃଙ୍କଠାରେ ଅନନ୍ତକାଳସ୍ଥାୟୀ ଶୈଳ ଅଛି ।
\s5
\v 5 ପୁଣି, ସେ ଉର୍ଦ୍ଧ୍ୱସ୍ଥାନ ନିବାସୀମାନଙ୍କୁ, ଉନ୍ନତ ନଗରକୁ ଅବନତ କରିଅଛନ୍ତି; ସେ ତାହା ଅବନତ କରି ଭୂମିସାତ୍‍ କରନ୍ତି; ସେ ତାହାକୁ ଧୂଳିରେ ମିଶାଇ ଦିଅନ୍ତି ।
\v 6 ପାଦ, ଦରିଦ୍ରମାନଙ୍କର ପାଦ ଓ ଦୀନହୀନମାନଙ୍କ ପାଦବିକ୍ଷେପ ତାହା ଦଳିତ କରିବ ।
\s5
\v 7 ଧାର୍ମିକର ମାର୍ଗ ସରଳ; ଯଥାର୍ଥିକ ଯେ ତୁମ୍ଭେ, ତୁମ୍ଭେ ଧାର୍ମିକର ପଥ ଦେଖାଉଅଛ ।
\v 8 ହେ ସଦାପ୍ରଭୁ, ଆମ୍ଭେମାନେ ତୁମ୍ଭ ଶାସନ ମାର୍ଗରେ ତୁମ୍ଭ ଅପେକ୍ଷାରେ ରହିଅଛୁ; ତୁମ୍ଭର ନାମ ଓ ତୁମ୍ଭର ସ୍ମରଣ ଚିହ୍ନ ପ୍ରତି ଆମ୍ଭମାନଙ୍କର ପ୍ରାଣର ଆକାଂକ୍ଷା ଅଛି ।
\v 9 ରାତ୍ରିକାଳରେ ମୁଁ ଆପଣା ପ୍ରାଣ ସହିତ ତୁମ୍ଭର ଆକାଂକ୍ଷା କରିଅଛି; ହଁ, ମୁଁ ଆପଣା ଅନ୍ତରସ୍ଥ ଆତ୍ମା ସହିତ ଶୀଘ୍ର ତୁମ୍ଭର ଅନ୍ୱେଷଣ କରିବି; କାରଣ ପୃଥିବୀରେ ତୁମ୍ଭର ଶାସନସକଳ ପ୍ରକାଶିତ ହେଲେ ଜଗନ୍ନିବାସୀମାନେ ଧର୍ମ ଶିକ୍ଷା କରନ୍ତି ।
\s5
\v 10 ଦୁଷ୍ଟ ଲୋକ ପ୍ରତି ଦୟା ପ୍ରକାଶ କରାଗଲେ ହେଁ ସେ ଧର୍ମ ଶିଖିବ ନାହିଁ; ସରଳତାର ଦେଶରେ ସେ ଅନ୍ୟାୟ କରିବ ଓ ସଦାପ୍ରଭୁଙ୍କର ମହିମାକୁ ଅନାଇବ ନାହିଁ ।
\s5
\v 11 ହେ ସଦାପ୍ରଭୁ, ତୁମ୍ଭର ହସ୍ତ ଉତ୍ଥିତ ହୋଇଅଛି, ତଥାପି ସେମାନେ ଦେଖନ୍ତି ନାହିଁ, ମାତ୍ର ଲୋକମାନଙ୍କ ପକ୍ଷରେ ତୁମ୍ଭର ଉଦ୍‍ଯୋଗ ଦେଖି ସେମାନେ ଲଜ୍ଜିତ ହେବେ; ହଁ, ଅଗ୍ନି ତୁମ୍ଭ ବିପକ୍ଷଗଣକୁ ଗ୍ରାସ କରିବ ।
\v 12 ହେ ସଦାପ୍ରଭୁ, ତୁମ୍ଭେ ଆମ୍ଭମାନଙ୍କ ନିମନ୍ତେ ଶାନ୍ତି ନିରୂପଣ କରିବ; କାରଣ ତୁମ୍ଭେ ଆମ୍ଭମାନଙ୍କ ନିମନ୍ତେ ଆମ୍ଭମାନଙ୍କର ସକଳ କାର୍ଯ୍ୟ ସାଧନ କରିଅଛ ।
\s5
\v 13 ହେ ସଦାପ୍ରଭୁ, ଆମ୍ଭମାନଙ୍କ ପରମେଶ୍ୱର, ତୁମ୍ଭ ଛଡ଼ା ଅନ୍ୟ ପ୍ରଭୁମାନେ ଆମ୍ଭମାନଙ୍କ ଉପରେ ରାଜତ୍ୱ କରିଥିଲେ, ମାତ୍ର କେବଳ ତୁମ୍ଭ ଦ୍ୱାରା ଆମ୍ଭେମାନେ ତୁମ୍ଭ ନାମର କୀର୍ତ୍ତନ କରିବା ।
\v 14 ସେମାନେ ମରିଅଛନ୍ତି, ସେମାନେ ଆଉ ଜୀବିତ ହେବେ ନାହିଁ; ସେମାନେ ମୃତ ହୋଇଅଛନ୍ତି, ସେମାନେ ଉଠିବେ ନାହିଁ; ଏହେତୁ ତୁମ୍ଭେ ପ୍ରତିଫଳ ଦେଇ ସେମାନଙ୍କୁ ସଂହାର କରିଅଛ ଓ ସେମାନଙ୍କ ସ୍ମରଣ ଲୁପ୍ତ କରିଅଛ ।
\s5
\v 15 ତୁମ୍ଭେ ଏ ଦେଶୀୟ ଲୋକଙ୍କୁ ବୃଦ୍ଧି କରିଅଛ, ହେ ସଦାପ୍ରଭୁ, ତୁମ୍ଭେ ଏହି ଦେଶୀୟ ଲୋକଙ୍କୁ ବୃଦ୍ଧି କରିଅଛ; ତୁମ୍ଭେ ଗୌରବାନ୍ୱିତ ହୋଇଅଛ; ତୁମ୍ଭେ ଦେଶର ସୀମାସକଳ ବିସ୍ତାର କରିଅଛ ।
\s5
\v 16 ହେ ସଦାପ୍ରଭୁ, ସଙ୍କଟ ସମୟରେ ସେମାନେ ତୁମ୍ଭର ଅନ୍ୱେଷଣ କରିଅଛନ୍ତି, ତୁମ୍ଭର ଶାସ୍ତି ସେମାନଙ୍କ ଉପରେ ଥିବା ବେଳେ ସେମାନେ ପ୍ରାର୍ଥନା ଢାଳି ପକାଇଲେ ।
\v 17 ଗର୍ଭିଣୀ ପ୍ରସବକାଳର ନିକଟବର୍ତ୍ତୀ ହେବା ବେଳେ ଯେପରି ବ୍ୟଥିତା ହୁଏ ଓ ବେଦନାରେ କ୍ରନ୍ଦନ କରେ, ସେପରି ହେ ସଦାପ୍ରଭୁ, ଆମ୍ଭେମାନେ ତୁମ୍ଭ ସାକ୍ଷାତରେ ହୋଇଅଛୁ ।
\s5
\v 18 ଆମ୍ଭେମାନେ ଗର୍ଭିଣୀ ହୋଇଅଛୁ, ଆମ୍ଭେମାନେ ବ୍ୟଥିତା ହୋଇ ବାୟୁ ପ୍ରସବ କରିଅଛୁ; ଆମ୍ଭେମାନେ ଦେଶର ଉଦ୍ଧାର ସାଧନ କରି ନାହୁଁ; କିଅବା ଜଗନ୍ନିବାସୀମାନେ ଭୂମିଷ୍ଠ ହୋଇ ନାହାନ୍ତି ।
\s5
\v 19 ତୁମ୍ଭର ମୃତମାନେ ଜୀବିତ ହେବେ; ମୋହର ଶବସବୁ ଉଠିବେ । ହେ ଧୂଳିନିବାସୀମାନେ, ତୁମ୍ଭେମାନେ ଉଠି ଗାନ କର; କାରଣ ତୁମ୍ଭର ଶିଶିର ତୃଣର ଶିଶିର ତୁଲ୍ୟ ଓ ଭୂମି ମୃତମାନଙ୍କୁ ବାହାର କରି ଦେବ ।
\s5
\v 20 ହେ ମୋହର ଲୋକେ, ଆସ, ତୁମ୍ଭର ଅନ୍ତରାଳୟରେ ପ୍ରବେଶ କରି ତୁମ୍ଭ ଚାରିଆଡ଼େ ଦ୍ୱାର ରୁଦ୍ଧ କର; କ୍ରୋଧ ବହି ଯିବାଯାଏ ଅଳ୍ପ କ୍ଷଣ ଆପଣାକୁ ଲୁଚାଅ ।
\v 21 କାରଣ ଦେଖ, ସଦାପ୍ରଭୁ ପୃଥିବୀ ନିବାସୀମାନଙ୍କର ଅପରାଧ ସକାଶେ ସେମାନଙ୍କୁ ଶାସ୍ତି ଦେବା ପାଇଁ ଆପଣା ସ୍ଥାନରୁ ବାହାର ହୋଇ ଆସୁଅଛନ୍ତି; ପୃଥିବୀ ହିଁ ଆପଣା ମଧ୍ୟସ୍ଥ ରକ୍ତ ପ୍ରକାଶ କରିବ ଓ ଆପଣା ହତ ଲୋକମାନଙ୍କୁ ଆଉ ଆଚ୍ଛାଦନ କରିବ ନାହିଁ ।"
\s5
\c 27
\s ଇସ୍ରାଏଲର ଉଦ୍ଧାର
\p
\v 1 ସେଦିନ ସଦାପ୍ରଭୁ ଆପଣାର ନିର୍ଦ୍ଧୟ, ବୃହତ ଓ ଶକ୍ତିଶାଳୀ ଖଡ଼୍‍ଗ ଦ୍ୱାରା ଦ୍ରୁତଗାମୀ ସର୍ପ ଲିବୀୟାଥନକୁ ଓ ବକ୍ରଗାମୀ ସର୍ପ ଲିବୀୟାଥନକୁ ପ୍ରତିଫଳ ଦେବେ; ଆଉ, ସେ ସମୁଦ୍ରସ୍ଥ ଦୀର୍ଘକାୟ ଜନ୍ତୁକୁ ନଷ୍ଟ କରିବେ ।
\v 2 ସେ ଦିନରେ ଏକ ଦ୍ରାକ୍ଷାକ୍ଷେତ୍ର ଅଛି, ତୁମ୍ଭେମାନେ ତହିଁର ଉଦ୍ଦେଶ୍ୟରେ ଗାନ କର ।
\v 3 "ଆମ୍ଭେ ସଦାପ୍ରଭୁ ତାହା ରକ୍ଷା କରୁ; ଆମ୍ଭେ ନିମିଷକୁ ନିମିଷ ତହିଁରେ ଜଳ ସେଚନ କରିବା; କେହି ଯେପରି ତାହାର କ୍ଷତି ନ କରେ, ଏଥିପାଇଁ ଆମ୍ଭେ ଦିବାରାତ୍ର ତାହା ରକ୍ଷା କରିବା ।
\s5
\v 4 ଆମ୍ଭଠାରେ କ୍ରୋଧ ନାହିଁ; ଆଃ, ଯଦି କାନକୋଳି ଓ କଣ୍ଟକ ବୃକ୍ଷସବୁ ଯୁଦ୍ଧରେ ଆମ୍ଭର ବିପକ୍ଷ ହୁଅନ୍ତେ ! ତେବେ ଆମ୍ଭେ ଆକ୍ରମଣ କରି ସେସବୁକୁ ଏକାବେଳେ ଦଗ୍‍ଧ କରନ୍ତୁ ।
\v 5 ନଚେତ୍ ଆମ୍ଭ ସଙ୍ଗେ ମିଳନ କରିବା ପାଇଁ ସେ ଆମ୍ଭ ପରାକ୍ରମର ଅବଲମ୍ବନ କରୁ; ହଁ, ସେ ଆମ୍ଭ ସଙ୍ଗେ ମିଳନ କରୁ ।
\s5
\v 6 ଭବିଷ୍ୟତ କାଳରେ ଯାକୁବ ଚେର ବାନ୍ଧିବ; ଇସ୍ରାଏଲ ମୁକ୍ତ ଓ ପ୍ରଫୁଲ୍ଲ ହେବ ଓ ସେମାନେ ଭୂମଣ୍ଡଳକୁ ଫଳରେ ପରିପୂର୍ଣ୍ଣ କରିବେ ।"
\s5
\v 7 ତାହାର ପ୍ରହାରକାରୀମାନଙ୍କୁ ସେ ଯେପରି ପ୍ରହାର କଲେ, ସେପରି ସେ କି ତାହାକୁ ପ୍ରହାର କରିଅଛନ୍ତି ? ଅବା, ତାହା ଦ୍ୱାରା ହତ ଲୋକମାନଙ୍କ ତୁଲ୍ୟ ସେ କି ହତ ହୋଇଅଛି ?
\v 8 ତୁମ୍ଭେ ତାହାକୁ ଦୂରକୁ ପଠାଇବା ବେଳେ ପରିତ୍ରାଣକ୍ରମେ ତାହା ସଙ୍ଗେ ବିବାଦ କରୁଅଛ; ସେ ପୂର୍ବୀୟ ବାୟୁ ଦିନରେ ନିଜ ପ୍ରବଳ ବାୟୁ ଦ୍ୱାରା ତାହାକୁ ସ୍ଥାନାନ୍ତରିତ କରିଅଛନ୍ତି ।
\s5
\v 9 ଏହେତୁ ଏହା ଦ୍ୱାରା ଯାକୁବର ଅପରାଧ ମାର୍ଜିତ ହେବ ଓ ତାହାର ପାପ ଦୂରୀକୃତ ହେବାର ସମସ୍ତ ଫଳ ଏହି; ସେ ଯଜ୍ଞବେଦିର ପ୍ରସ୍ତର ସବୁକୁ ଚୂନର ଭଗ୍ନ ପ୍ରସ୍ତର ତୁଲ୍ୟ କଲେ, ଆଶେରା ମୂର୍ତ୍ତି ଓ ସୂର୍ଯ୍ୟ ପ୍ରତିମାସବୁ ଆଉ ଉଠିବେ ନାହିଁ ।
\s5
\v 10 କାରଣ ସୁଦୃଢ଼ ନଗର ପ୍ରାନ୍ତରର ତୁଲ୍ୟ ନିର୍ଜନ, ଲୋକ ବିବର୍ଜିତ ଓ ପରିତ୍ୟକ୍ତ ବସତି ସ୍ଥାନ ହୋଇଅଛି; ସେସ୍ଥାନରେ ଗୋବତ୍ସ ଚରିବ ଓ ଶୟନ କରିବ, ପୁଣି, ବୃକ୍ଷର ଶାଖାସବୁ ଗ୍ରାସ କରିବ ।
\v 11 ତହିଁର ଡାଳସବୁ ଶୁଷ୍କ ହେଲେ ଭଙ୍ଗା ଯିବ; ସ୍ତ୍ରୀମାନେ ଆସି ତହିଁରେ ଅଗ୍ନି ଲଗାଇବେ; କାରଣ ସେହି ଲୋକମାନେ ବୁଦ୍ଧିହୀନ; ଏହେତୁ ଯେ ସେମାନଙ୍କୁ ନିର୍ମାଣ କଲେ, ସେ ସେମାନଙ୍କ ପ୍ରତି ଦୟା କରିବେ ନାହିଁ ଓ ଯେ ସେମାନଙ୍କୁ ଗଢ଼ିଲେ, ସେ ସେମାନଙ୍କ ପ୍ରତି ଅନୁଗ୍ରହ ପ୍ରକାଶ କରିବେ ନାହିଁ ।
\s5
\v 12 ସେଦିନ ସଦାପ୍ରଭୁ ପ୍ଲାବିତ ନଦୀ ସୀମା ମିସରର ସ୍ରୋତ ପର୍ଯ୍ୟନ୍ତ ଆପଣା ଫଳ ଝାଡ଼ିବେ, ପୁଣି, ହେ ଇସ୍ରାଏଲ ସନ୍ତାନଗଣ, ତୁମ୍ଭେମାନେ ଏକ ଏକ ହୋଇ ସଂଗୃହୀତ ହେବ ।
\v 13 ଆଉ, ସେହି ଦିନରେ ଏକ ବୃହତ ତୂରୀ ବାଜିବ; ପୁଣି, ଅଶୂର ଦେଶରେ ନଷ୍ଟକଳ୍ପ ଓ ମିସର ଦେଶରେ ତାଡ଼ିତ ଲୋକମାନେ ଆସିବେ; ପୁଣି, ସେମାନେ ଯିରୂଶାଲମର ପବିତ୍ର ପର୍ବତରେ ସଦାପ୍ରଭୁଙ୍କୁ ପ୍ରଣାମ କରିବେ ।
\s5
\c 28
\s ଇଫ୍ରୟିମ ଓ ଯିରୂଶାଲମ ପ୍ରତି ବିଚାର
\p
\v 1 ଇଫ୍ରୟିମର ମତ୍ତ ଲୋକମାନଙ୍କର ଓ ଦ୍ରାକ୍ଷାରସରେ ପରାସ୍ତ ଲୋକମାନଙ୍କର ଦର୍ପସୂଚକ ମୁକୁଟ, ଫଳଶାଳୀ ଉପତ୍ୟକାର ମସ୍ତକରେ ଥିବା ତାହାର ସୁନ୍ଦର ଭୂଷଣ ସ୍ୱରୂପ ମ୍ଳାନପ୍ରାୟ ପୁଷ୍ପ, ସନ୍ତାପର ପାତ୍ର !
\v 2 ଦେଖ ପ୍ରଭୁଙ୍କର ଜଣେ ବଳବାନ ଓ ସାହସିକ ଲୋକ ଅଛି; ସେ ଶିଳାଯୁକ୍ତ ଝଡ଼ର, ପ୍ରଳୟକାରୀ ବତାସର ନ୍ୟାୟ, ଶୀଘ୍ର ଧାବମାନ ପ୍ରବଳ ଜଳର ଝଡ଼ ତୁଲ୍ୟ, ହସ୍ତ ଦ୍ୱାରା ଭୂମିରେ ନିକ୍ଷେପ କରିବ ।
\s5
\v 3 ଇଫ୍ରୟିମର ମତ୍ତ ଲୋକମାନଙ୍କର ଦର୍ପସୂଚକ ମୁକୁଟ ପଦ ତଳେ ଦଳିତ ହେବ;
\v 4 ଆଉ, ଫଳଶାଳୀ ଉପତ୍ୟକାର ମସ୍ତକରେ ସ୍ଥିତ ତାହାର ସୁନ୍ଦର ଭୂଷଣର ମ୍ଳାନପ୍ରାୟ ପୁଷ୍ପ, ଗ୍ରୀଷ୍ମକାଳ ପୂର୍ବରେ ଆଦ୍ୟ ପକ୍ୱ ଡିମ୍ୱିରି ଫଳ ତୁଲ୍ୟ ହେବ; ଯାହା କେହି ଦେଖିବା ମାତ୍ର ଲକ୍ଷ୍ୟ କରେ ଓ ହସ୍ତରେ ଧରିବା ମାତ୍ର ଗ୍ରାସ କରେ ।
\s5
\v 5 ସେଦିନରେ ସୈନ୍ୟାଧିପତି ସଦାପ୍ରଭୁ ଆପଣା ଲୋକମାନଙ୍କ ଅବଶିଷ୍ଟାଂଶ ନିମନ୍ତେ ସୁନ୍ଦର ମୁକୁଟ ଓ ଶୋଭାକର କିରୀଟ ସ୍ୱରୂପ ହେବେ;
\v 6 ପୁଣି, ବିଚାର କରିବା ନିମନ୍ତେ ଉପବିଷ୍ଟ ଲୋକ ପ୍ରତି ବିଚାରଜନକ ଆତ୍ମା ଓ ଯେଉଁମାନେ ନଗର ଦ୍ୱାରରେ ଯୁଦ୍ଧ ଫେରାଇ ଦିଅନ୍ତି, ସେମାନଙ୍କ ପ୍ରତି ବଳ ସ୍ୱରୂପ ହେବେ ।
\s5
\v 7 ମାତ୍ର ଏମାନେ ହିଁ ଦ୍ରାକ୍ଷାରସରେ ଭ୍ରାନ୍ତ ହୋଇଅଛନ୍ତି ଓ ସୁରାପାନ ଦ୍ୱାରା ବିପଥରେ ଯାଇଅଛନ୍ତି; ଯାଜକ ଓ ଭବିଷ୍ୟଦ୍‍ବକ୍ତା ସୁରାପାନ ଦ୍ୱାରା ଭ୍ରାନ୍ତ ହୋଇଅଛନ୍ତି, ଦ୍ରାକ୍ଷାରସ ସେମାନଙ୍କୁ ଗ୍ରାସ କରିଅଛି, ସୁରାପାନ ଦ୍ୱାରା ସେମାନେ ବିପଥରେ ଯାଇଅଛନ୍ତି; ସେମାନେ ଦର୍ଶନରେ ଭ୍ରାନ୍ତ ହୁଅନ୍ତି, ବିଚାରରେ ଝୁଣ୍ଟି ପଡ଼ନ୍ତି ।
\v 8 କାରଣ, ମେଜସବୁ ବାନ୍ତି ଓ ମଳରେ ପରିପୂର୍ଣ୍ଣ, କୌଣସି ପରିଷ୍କୃତ ସ୍ଥାନ ନାହିଁ ।
\s5
\v 9 ସେ କାହାକୁ ଜ୍ଞାନ ଶିକ୍ଷା ଦେବ ? ସେ କାହାକୁ ସମାଚାର ବୁଝାଇ ଦେବ ? କି ଦୁଗ୍ଧତ୍ୟାଗୀ ଓ ସ୍ତନ୍ୟପାନରୁ ନିବୃତ୍ତ ଶିଶୁମାନଙ୍କୁ ?
\v 10 କାରଣ, ଏ ତ ବିଧି ଉପରେ ବିଧି, ବିଧି ଉପରେ ବିଧି; ଧାଡ଼ି ଉପରେ ଧାଡ଼ି, ଧାଡ଼ି ଉପରେ ଧାଡ଼ି; ଏଠି ଅଳ୍ପ, ସେଠି ଅଳ୍ପ ।
\s5
\v 11 ନା, ମାତ୍ର ସେ ବିଦେଶୀୟ ଓଷ୍ଠାଧର ଓ ପରଭାଷା ଦ୍ୱାରା ଏହି ଲୋକମାନଙ୍କୁ କଥା କହିବେ;
\v 12 ସେ ସେମାନଙ୍କୁ କହିଲେ, "ଏହି ବିଶ୍ରାମ, ତୁମ୍ଭେମାନେ କ୍ଳାନ୍ତ ଲୋକମାନଙ୍କୁ ବିଶ୍ରାମ ଦିଅନ୍ତି, ପୁଣି, ଏହି ତ ଆରାମ," ମାତ୍ର ସେମାନେ ଶୁଣିବାକୁ ସମ୍ମତ ହେଲେ ନାହିଁ ।
\s5
\v 13 ଏହେତୁ ସେମାନେ ଯେପରି ଯାଇ ପଶ୍ଚାତ୍‍ ପଡ଼ି ଭଗ୍ନ ହେବେ, ଫାନ୍ଦରେ ପଡ଼ିବେ ଓ ଧୃତ ହେବେ, ଏଥିପାଇଁ ସେମାନଙ୍କ ପ୍ରତି ସଦାପ୍ରଭୁଙ୍କର ବାକ୍ୟ ବିଧି ଉପରେ ବିଧି, ବିଧି ଉପରେ ବିଧି; ଧାଡ଼ି ଉପରେ ଧାଡ଼ି, ଧାଡ଼ି ଉପରେ ଧାଡ଼ି; ଏଠି ଅଳ୍ପ, ସେଠି ଅଳ୍ପ ହେବ ।
\s ସିୟୋନର କୋଣ ପଥର
\p
\s5
\v 14 ଏହେତୁ ହେ ଯିରୂଶାଲମସ୍ଥ ଲୋକମାନଙ୍କର ଶାସନକାରୀ ନିନ୍ଦକମାନେ, ତୁମ୍ଭେମାନେ ସଦାପ୍ରଭୁଙ୍କର ବାକ୍ୟ ଶୁଣ;
\v 15 ତୁମ୍ଭେମାନେ କହିଅଛ, "ଆମ୍ଭେମାନେ ମୃତ୍ୟୁ ସଙ୍ଗେ ନିୟମ କରିଅଛୁ ଓ ପାତାଳ ସଙ୍ଗେ ଆମ୍ଭମାନଙ୍କର ସନ୍ଧି ଅଛି; ଏହେତୁ ଜଳପ୍ରଳୟରୂପ କୋରଡ଼ା ଉପସ୍ଥିତ ହେବା ବେଳେ ତାହା ଆମ୍ଭମାନଙ୍କ ନିକଟକୁ ଆସିବ ନାହିଁ; କାରଣ ଆମ୍ଭେମାନେ ମିଥ୍ୟାକୁ ଆପଣାମାନଙ୍କର ଆଶ୍ରୟ କରିଅଛୁ ଓ ଅସତ୍ୟର ତଳେ ଆମ୍ଭେମାନେ ଆପଣାମାନଙ୍କୁ ଲୁଚାଇଅଛୁ,"
\s5
\v 16 ଏଥିପାଇଁ ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି, "ଦେଖ, ଆମ୍ଭେ ଭିତ୍ତିମୂଳ ନିମନ୍ତେ ସିୟୋନରେ ଏକ ପ୍ରସ୍ତର, ପରୀକ୍ଷାସିଦ୍ଧ ପ୍ରସ୍ତର, ଦୃଢ଼ ଭିତ୍ତିମୂଳ ସ୍ୱରୂପ ବହୁମୂଲ୍ୟ କୋଣପ୍ରସ୍ତର ସ୍ଥାପନ କରୁଅଛୁ; ଯେ ବିଶ୍ୱାସ କରେ, ସେ ଚଞ୍ଚଳ ହେବ ନାହିଁ ।
\s5
\v 17 ପୁଣି, ଆମ୍ଭେ ନ୍ୟାୟ ବିଚାରକୁ ପରିମାଣ ରଜ୍ଜୁ ଓ ଧାର୍ମିକତାକୁ ଓଳମ କରିବା; ଆଉ, ଶିଳାବୃଷ୍ଟି ମିଥ୍ୟାରୂପ ଆଶ୍ରୟକୁ ବିନାଶ କରିବ ଓ ଜଳରାଶି ଲୁଚିବା ସ୍ଥାନକୁ ମଗ୍ନ କରିବ ।
\s5
\v 18 ପୁଣି, ମୃତ୍ୟୁ ସହିତ ତୁମ୍ଭମାନଙ୍କର କୃତ ନିୟମ ରହିତ କରାଯିବ ଓ ପାତାଳ ସଙ୍ଗେ ତୁମ୍ଭମାନଙ୍କ ସନ୍ଧି ସ୍ଥିର ରହିବ ନାହିଁ; ଜଳପ୍ରଳୟରୂପ କୋରଡ଼ା ଉପସ୍ଥିତ ହେବା ବେଳେ ତୁମ୍ଭେମାନେ ତଦ୍ଦ୍ୱାରା ଦଳିତ ହେବ ।
\v 19 ତାହା ଯେତେଥର ଉପସ୍ଥିତ ହେବ, ସେତେଥର ତୁମ୍ଭମାନଙ୍କୁ ଧରିବ; କାରଣ ପ୍ରଭାତକୁ ପ୍ରଭାତ, ଦିବସ ଓ ରାତ୍ରି ତାହା ଉପସ୍ଥିତ ହେବ; ଆଉ, ସେହି ସମାଚାର ବୁଝିବାର କେବଳ ତ୍ରାସଜନକ ହେବ ।
\s5
\v 20 କାରଣ, ଆପଣାକୁ ଲମ୍ବାଇବା ପାଇଁ ମନୁଷ୍ୟର ଶଯ୍ୟା ସାନ ଓ ଆପଣାକୁ ଘୋଡ଼ାଇବା ପାଇଁ ବସ୍ତ୍ର ଅଣଓସାର ।
\v 21 ଯେହେତୁ ସଦାପ୍ରଭୁ, ଯେପରି ପରାସୀମ ପର୍ବତରେ, ସେପରି ଉଠିବେ, ଯେପରି ଗିବୀୟୋନର ତଳଭୂମିରେ, ସେପରି ସେ କ୍ରୋଧ କରିବେ; ତହିଁରେ ସେ ଆପଣାର କାର୍ଯ୍ୟ, ଆପଣାର ଅଦ୍ଭୁତ କାର୍ଯ୍ୟ ସିଦ୍ଧ କରିବେ ଓ ଆପଣାର ବ୍ୟାପାର ଓ ଆପଣାର ଅଦ୍ଭୁତ ବ୍ୟାପାର ସମ୍ପନ୍ନ କରିବେ ।
\s5
\v 22 ଏହେତୁ ଏବେ ତୁମ୍ଭେମାନେ ନିନ୍ଦକ ହୁଅ ନାହିଁ, ପଛେ ଅବା ତୁମ୍ଭମାନଙ୍କର ବନ୍ଧନ ଦୃଢ଼ ହୁଏ; କାରଣ ପ୍ରଭୁ, ସୈନ୍ୟାଧିପତି ସଦାପ୍ରଭୁଙ୍କଠାରୁ ଆମ୍ଭେ ସମୁଦାୟ ପୃଥିବୀ ଉପରେ ଉଚ୍ଛିନ୍ନତାର, ନିରୂପିତ ଉଚ୍ଛିନ୍ନତାର କଥା ଶୁଣିଅଛୁ ।
\s5
\v 23 ତୁମ୍ଭେମାନେ କର୍ଣ୍ଣ ଦେଇ ଆମ୍ଭର ରବ ଶୁଣ; ମନୋଯୋଗ କରି ଆମ୍ଭର ବାକ୍ୟ ଶ୍ରବଣ କର ।
\v 24 କୃଷକ ବୀଜ ବୁଣିବା ପାଇଁ କ'ଣ ନିତ୍ୟ ହଳ ବୁଲାଏ ? ସେ କ'ଣ ନିତ୍ୟ ଶିଆର କରି ଆପଣାର ଭୂମିର ଟେଳା ଭାଙ୍ଗେ ?
\s5
\v 25 ସେ କ'ଣ ଭୂମିର ଉପରଭାଗ ସମାନ କଲା ଉତ୍ତାରେ କଳାଜୀରା ବିଞ୍ଚି ଦିଏ ନାହିଁ ଓ ଜୀରା ବୁଣେ ନାହିଁ ଓ ଧାଡ଼ି ଧାଡ଼ି କରି ଗହମ, ନିରୂପିତ ସ୍ଥାନରେ ଯବ ଓ କ୍ଷେତ୍ରର ସୀମାରେ କ'ଣ ଜହ୍ନା ବୁଣେ ନାହିଁ ?
\v 26 କାରଣ, ତାହାର ପରମେଶ୍ୱର ତାହାକୁ ଯଥାର୍ଥ ଉପଦେଶ ଦିଅନ୍ତି ଓ ସେ ତାହାକୁ ଶିଖାନ୍ତି ।
\s5
\v 27 ଯେହେତୁ କଳାଜୀରା କୌଣସି ତୀକ୍ଷ୍‍ଣ ଅସ୍ତ୍ରରେ ମର୍ଦ୍ଦିତ ହୁଏ ନାହିଁ, କିଅବା ଜୀରା ଉପରେ ଶକଟ ଚକ୍ର ବୁଲାଯାଏ ନାହିଁ; ମାତ୍ର କଳାଜୀରା ଯଷ୍ଟିରେ ଓ ଜୀରା ଦଣ୍ଡରେ ପିଟାଯାଏ ।
\v 28 ରୁଟିର ଶସ୍ୟ ଚୂର୍ଣ୍ଣ କରାଯାଏ; କାରଣ ସେ ଚିରକାଳ ତାହା ମର୍ଦ୍ଦନ କରିବ ନାହିଁ; ଆଉ, ଯଦ୍ୟପି ତାହାର ଶକଟ ଚକ୍ର ଓ ତାହାର ଅଶ୍ୱଗଣ ତାହା ଛିନ୍ନଭିନ୍ନ କରି ପକାନ୍ତି, ତଥାପି ସେ ତାହା ଚୂର୍ଣ୍ଣ କରେ ନାହିଁ ।
\s5
\v 29 ଏହା ହିଁ ସୈନ୍ୟାଧିପତି ସଦାପ୍ରଭୁଙ୍କଠାରୁ ହୁଏ, ସେ ମନ୍ତ୍ରଣାରେ ଆଶ୍ଚର୍ଯ୍ୟ ଓ ଜ୍ଞାନରେ ମହାନ ।
\s5
\c 29
\s ଯିରୂଶାଲମର ଅବରୋଧ
\p
\v 1 ହାୟ ଅରୀୟେଲ, ଅରୀୟେଲ, ଦାଉଦର ଛାଉଣି ନଗର ! ବର୍ଷକୁ ବର୍ଷ ଯୋଗ କର; ପର୍ବମାନ ପାଳି ଅନୁକ୍ରମେ ଆସୁ;
\v 2 ତେବେ ଆମ୍ଭେ ଅରୀୟେଲ ପ୍ରତି ଦୁଃଖ ଘଟାଇବା, ତହୁଁ ଶୋକ ଓ ବିଳାପ ହେବ ଓ ତାହା ଆମ୍ଭ ପ୍ରତି ଅରୀୟେଲ (ଦାହସ୍ଥାନ) ତୁଲ୍ୟ ହେବ ।
\s5
\v 3 ପୁଣି, ଆମ୍ଭେ ଚତୁର୍ଦ୍ଦିଗରେ ତୁମ୍ଭ ବିରୁଦ୍ଧରେ ଛାଉଣି ସ୍ଥାପନ କରିବା ଓ ଗଡ଼ବନ୍ଦୀ କରି ତୁମ୍ଭକୁ ବେଷ୍ଟନ କରିବା ଓ ତୁମ୍ଭ ପ୍ରତିକୂଳରେ ଅବରୋଧକ ଉପାୟ ପ୍ରସ୍ତୁତ କରିବା ।
\v 4 ତହିଁରେ ତୁମ୍ଭେ ଅବନତ ହେବ ଓ ଭୂମିରୁ କଥା କହିବ ଓ ଧୂଳିରୁ ତୁମ୍ଭର କଥା କ୍ଷୀଣ ସ୍ୱରଯୁକ୍ତ ହେବ; ଆଉ, ଭୂତୁଡ଼ିଆର ନ୍ୟାୟ ତୁମ୍ଭର ରବ ଭୂମିରୁ ବାହାରିବ ଓ ଧୂଳିରୁ ତୁମ୍ଭ କଥାର ଫୁସ୍‍ଫୁସ୍‍ ଶବ୍ଦ ଉଠିବ ।
\s5
\v 5 ମାତ୍ର ତୁମ୍ଭ ଶତ୍ରୁଗଣର ଲୋକାରଣ୍ୟ ସୂକ୍ଷ୍ମ ଧୂଳିର ନ୍ୟାୟ ହେବ ଓ ଭୟଙ୍କରମାନଙ୍କର ଲୋକାରଣ୍ୟ ଉଡ଼ିଯିବା ତୁଷ ପରି ହେବ; ଏକ ନିମିଷରେ ହଠାତ୍‍ ଏହା ଘଟିବ ।
\v 6 ସୈନ୍ୟାଧିପତି ସଦାପ୍ରଭୁ ମେଘଗର୍ଜନ, ଭୂମିକମ୍ପ, ମହାଶବ୍ଦ, ଘୂର୍ଣ୍ଣିବାୟୁ, ଝଡ଼ ଓ ଗ୍ରାସକାରୀ ଅଗ୍ନିଶିଖା ସହିତ ତାହାର ତତ୍ତ୍ୱ ନେବେ ।
\s5
\v 7 ପୁଣି, ସର୍ବଗୋଷ୍ଠୀୟ ଯେଉଁ ଲୋକାରଣ୍ୟ ଅରୀୟେଲ ବିରୁଦ୍ଧରେ ଯୁଦ୍ଧ କରନ୍ତି, ଅର୍ଥାତ୍‍, ଯେଉଁମାନେ ତାହାର ଓ ତାହାର ଦୃଢ଼ ଦୁର୍ଗ ପ୍ରତିକୂଳରେ ଯୁଦ୍ଧ କରି ତାହାକୁ ସଙ୍କଟାପନ୍ନ କରନ୍ତି, ସେସମସ୍ତେ ସ୍ୱପ୍ନ ତୁଲ୍ୟ, ରାତ୍ରିକାଳୀନ ଦର୍ଶନ ତୁଲ୍ୟ ହେବେ ।
\v 8 ଆଉ, ଯେପରି କ୍ଷୁଧିତ ଲୋକ ସ୍ୱପ୍ନରେ ଭୋଜନ କରୁଅଛି ବୋଲି ଦେଖେ, ମାତ୍ର ଜାଗ୍ରତ ହେଲେ, ତାହାର ପ୍ରାଣ ଶୂନ୍ୟ ଥାଏ; ଅବା ଯେପରି ତୃଷିତ ଲୋକ ଜଳ ପାନ କରୁଅଛି ବୋଲି ସ୍ୱପ୍ନରେ ଦେଖେ, ମାତ୍ର ଜାଗ୍ରତ ହେଲେ ଦେଖ, ସେ ଦୁର୍ବଳ ଥାଏ ଓ ତାହାର ପ୍ରାଣ ତୃଷିତ ଥାଏ, ସିୟୋନ ପର୍ବତର ପ୍ରତିକୂଳରେ ଯୁଦ୍ଧକାରୀ ସର୍ବଗୋଷ୍ଠୀୟ ଲୋକାରଣ୍ୟ ସେପରି ହେବେ ।
\s5
\v 9 ତୁମ୍ଭେମାନେ ସ୍ଥଗିତ ଓ ଚମତ୍କୃତ ହୁଅ; ଆମୋଦ କରି ଅନ୍ଧ ହୁଅ; ସେମାନେ ମତ୍ତ ଅଛନ୍ତି, ମାତ୍ର ଦ୍ରାକ୍ଷାରସରେ ନୁହେଁ; ସେମାନେ ଟଳଟଳ ହୁଅନ୍ତି, ମାତ୍ର ସୁରାପାନରେ ନୁହେଁ ।
\v 10 କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ଉପରେ ଘୋର ନିଦ୍ରାଜନକ ଆତ୍ମା ଢାଳିଅଛନ୍ତି ଓ ତୁମ୍ଭମାନଙ୍କର ଭବିଷ୍ୟଦ୍‍-ବକ୍ତାଗଣରୂପ ଚକ୍ଷୁ ମୁଦ୍ରିତ କରିଅଛନ୍ତି ଓ ଦର୍ଶକଗଣ ସ୍ୱରୂପ ତୁମ୍ଭମାନଙ୍କର ମସ୍ତକ ସେ ଆଚ୍ଛାଦିତ କରିଅଛନ୍ତି ।
\s5
\v 11 ପୁଣି, ଯାବତୀୟ ଦର୍ଶନ ତୁମ୍ଭମାନଙ୍କର ପ୍ରତି ମୁଦ୍ରାଙ୍କବଦ୍ଧ ପୁସ୍ତକର ବାକ୍ୟ ତୁଲ୍ୟ ହୋଇଅଛି, କେହି ଶିକ୍ଷିତ ଲୋକକୁ ତାହା ଦେଇ ଅନୁଗ୍ରହ କରି "ଏହା ପାଠ କର" କହିଲେ, ସେ କହେ, "ଏହା ମୁଦ୍ରାଙ୍କବଦ୍ଧ, ଏଣୁ ମୁଁ ପାଠ କରି ନ ପାରେ ।"
\v 12 ଆଉ, ସେହି ପୁସ୍ତକ ଅଶିକ୍ଷିତ ଲୋକକୁ ଦେଇ, ଅନୁଗ୍ରହ କରି "ଏହା ପାଠ କର" କହିଲେ, ସେ କହେ, "ମୁଁ ଶିକ୍ଷିତ ଲୋକ ନୁହେଁ ।"
\s5
\v 13 ଆହୁରି, ପ୍ରଭୁ କହିଲେ, "ଏହି ଲୋକମାନେ ଆମ୍ଭର ନିକଟବର୍ତ୍ତୀ ହୁଅନ୍ତି ଓ ସେମାନେ ଆପଣା ଆପଣା ମୁଖରେ ଓ ଓଷ୍ଠାଧରରେ ଆମ୍ଭର ସମ୍ମାନ କରନ୍ତି, ମାତ୍ର ସେମାନେ ଆପଣା ଆପଣା ଅନ୍ତଃକରଣ ଆମ୍ଭଠାରୁ ଦୂରରେ ରଖିଅଛନ୍ତି ଓ ଆମ୍ଭ ବିଷୟକ ସେମାନଙ୍କର ଯେଉଁ ଭୟ, ତାହା ମନୁଷ୍ୟଠାରୁ ଶିକ୍ଷିତ ଆଜ୍ଞା ଅଟେ ।"
\v 14 ଏହେତୁ ଦେଖ, ଆମ୍ଭେ ଏହି ଲୋକମାନଙ୍କ ମଧ୍ୟରେ ଏକ ଅଦ୍ଭୁତ କର୍ମ, ଅର୍ଥାତ୍‍, ଅଦ୍ଭୁତ ଓ ଆଶ୍ଚର୍ଯ୍ୟ କର୍ମ କରିବା, ପୁଣି, ସେମାନଙ୍କର ଜ୍ଞାନୀ ଲୋକମାନଙ୍କର ଜ୍ଞାନ ବିନଷ୍ଟ ହେବ ଓ ସେମାନଙ୍କର ବିବେକୀ ଲୋକମାନଙ୍କର ବୁଦ୍ଧି ଲୁଚାଯିବ ।
\s5
\v 15 ଯେଉଁମାନେ ସଦାପ୍ରଭୁଙ୍କଠାରୁ ଆପଣା ଆପଣା ମନ୍ତ୍ରଣା ଗୁପ୍ତ କରିବାକୁ ଅତିଶୟ ଚେଷ୍ଟା କରନ୍ତି, ସେମାନେ ସନ୍ତାପର ପାତ୍ର ! ଆଉ, ସେମାନେ ଅନ୍ଧକାରରେ ଆପଣା ଆପଣା କର୍ମ କରି କହନ୍ତି, "ଆମ୍ଭମାନଙ୍କୁ କିଏ ଦେଖୁଅଛି ? ଓ ଆମ୍ଭମାନଙ୍କୁ କିଏ ଚିହ୍ନୁଅଛି ?"
\s5
\v 16 ତୁମ୍ଭେମାନେ ବିଷୟକୁ ଓଲଟାଇ ପକାଉଅଛ ! କୁମ୍ଭକାର କି ମାଟିର ତୁଲ୍ୟ ଗଣ୍ୟ ହେବ; "ଏ ବ୍ୟକ୍ତି ଆମ୍ଭକୁ ନିର୍ମାଣ କରି ନାହିଁ," ନିର୍ମିତ ବସ୍ତୁ କି ନିର୍ମାଣକର୍ତ୍ତା ବିଷୟରେ ଏହା କହିବ ? କିମ୍ବା "ତାହାର କିଛି ବୁଦ୍ଧି ନାହିଁ, ଗଢ଼ା ବସ୍ତୁ କି ଗଢ଼ିବା ବ୍ୟକ୍ତି ବିଷୟରେ ଏହା କହିବ ?"
\s5
\v 17 ଅତି ଅଳ୍ପ କାଳ ଉତ୍ତାରେ ଲିବାନୋନ୍‍ କି ଫଳବାନ କ୍ଷେତ୍ରରେ ପରିଣତ ହେବ ନାହିଁ ଓ ଫଳବାନ କ୍ଷେତ୍ର କି ଅରଣ୍ୟ ବୋଲି ଗଣ୍ୟ ହେବ ନାହିଁ ?
\v 18 ପୁଣି, ସେହି ଦିନରେ ବଧିର ପୁସ୍ତକର ବାକ୍ୟ ଶୁଣିବ, ପୁଣି, ତିମିର ଓ ଅନ୍ଧକାର ମଧ୍ୟରୁ ଅନ୍ଧର ଚକ୍ଷୁ ଦେଖିବ ।
\v 19 ମଧ୍ୟ ନମ୍ର ଲୋକମାନେ ସଦାପ୍ରଭୁଙ୍କଠାରେ ଆପଣା ଆପଣା ଆନନ୍ଦ ବଢ଼ାଇବେ ଓ ମନୁଷ୍ୟମାନଙ୍କ ମଧ୍ୟରେ ଦରିଦ୍ରମାନେ ଇସ୍ରାଏଲର ଧର୍ମସ୍ୱରୂପଙ୍କଠାରେ ଉଲ୍ଲାସ କରିବେ ।
\s5
\v 20 କାରଣ ଭୟଙ୍କର ଲୋକ ଅକିଞ୍ଚନ ହୋଇଅଛି, ନିନ୍ଦକ ନିବୃତ୍ତ ହେଉଅଛି ଓ ଯେଉଁମାନେ ଅଧର୍ମ ପାଇଁ ଜଗି ରହନ୍ତି, ସେସମସ୍ତେ ଉଚ୍ଛିନ୍ନ ହୋଇଅଛନ୍ତି;
\v 21 ସେମାନେ କଥାରେ ମନୁଷ୍ୟକୁ ଦୋଷୀ କରନ୍ତି ଓ ନଗର ଦ୍ୱାରରେ ଦୋଷବକ୍ତା ନିମନ୍ତେ ଫାନ୍ଦ ପାତନ୍ତି ଓ ଅକାରଣରେ ଧାର୍ମିକ ପ୍ରତି ଅନ୍ୟାୟ କରନ୍ତି ।
\s5
\v 22 ଏହେତୁ ଅବ୍ରହାମର ମୁକ୍ତିକର୍ତ୍ତା ସଦାପ୍ରଭୁ ଯାକୁବ ବଂଶ ବିଷୟରେ ଏହିପରି କହନ୍ତି; "ଯାକୁବ ଏବେ ଲଜ୍ଜିତ ହେବ ନାହିଁ, କିଅବା ତାହାର ମୁଖ ମଳିନ ହେବ ନାହିଁ ।
\v 23 ମାତ୍ର ଯେତେବେଳେ ସେ ଆମ୍ଭର ହସ୍ତକୃତ କର୍ମ ସ୍ୱରୂପ ତାହାର ସନ୍ତାନଗଣକୁ ଆପଣା ମଧ୍ୟରେ ଦେଖିବ, ସେତେବେଳେ ସେମାନେ ଆମ୍ଭ ନାମକୁ ପବିତ୍ର କରି ମାନିବେ; ହଁ, ସେମାନେ ଯାକୁବର ଧର୍ମସ୍ୱରୂପଙ୍କୁ ପବିତ୍ର ବୋଲି ମାନିବେ ଓ ଇସ୍ରାଏଲର ପରମେଶ୍ୱରଙ୍କୁ ସମ୍ଭ୍ରମ କରିବେ ।
\v 24 ଯେଉଁମାନେ ଭ୍ରାନ୍ତମନା, ସେମାନେ ମଧ୍ୟ ବୁଦ୍ଧି ପ୍ରାପ୍ତ ହେବେ ଓ ବଚସାକାରୀମାନେ ତତ୍ତ୍ୱ-କଥା ଶିଖିବେ ।"
\s5
\c 30
\s ମିସରର ସାହାଯ୍ୟ ବୃଥା
\p
\v 1 ସଦାପ୍ରଭୁ କହନ୍ତି, "ଯେଉଁ ବିଦ୍ରୋହୀ ସନ୍ତାନଗଣ" ମନ୍ତ୍ରଣା କରନ୍ତି, ମାତ୍ର "ଆମ୍ଭ ଦ୍ୱାରା ନୁହେଁ; ପୁଣି, ଯେଉଁମାନେ ପାପ ଉପରେ ପାପ କରିବା ନିମନ୍ତେ ଆଚ୍ଛାଦନରେ ଆଚ୍ଛାଦନ କରନ୍ତି, ମାତ୍ର ଆମ୍ଭ ଆତ୍ମାଙ୍କ ଦ୍ୱାରା ନୁହେଁ, ସେମାନେ ସନ୍ତାପର ପାତ୍ର !
\v 2 ସେମାନେ ଆମ୍ଭକୁ ନ ପଚାରି ଫାରୋର ବଳରେ ଆପଣାମାନଙ୍କୁ ବଳିଷ୍ଠ କରିବାକୁ ଓ ମିସରର ଛାୟାରେ ଆଶ୍ରୟ ନେବାକୁ ମିସରକୁ ଯିବା ନିମନ୍ତେ ଯାତ୍ରା କରୁଅଛନ୍ତି ।
\s5
\v 3 ଏହେତୁ ଫାରୋର ବଳ ତୁମ୍ଭମାନଙ୍କର ଲଜ୍ଜାଜନକ ହେବ ଓ ମିସରର ଛାୟାରେ ଆଶ୍ରୟ ନେବା ତୁମ୍ଭମାନଙ୍କର ଅପମାନଜନକ ହେବ ।
\v 4 କାରଣ ତାହାର ଅଧିପତିମାନେ ସୋୟନରେ ଅଛନ୍ତି ଓ ତାହାର ରାଜଦୂତଗଣ ହାନେଷକୁ ଆସିଅଛନ୍ତି ।
\v 5 ଯେଉଁ ଗୋଷ୍ଠୀ ସେମାନଙ୍କର ଉପକାର କରି ନ ପାରନ୍ତି, ସେମାନଙ୍କ ବିଷୟରେ ସେସମସ୍ତେ ଲଜ୍ଜିତ ହେବେ, ସେ ଗୋଷ୍ଠୀ ସାହାଯ୍ୟକାରୀ କିମ୍ବା ଉପକାରଜନକ ନୁହନ୍ତି, ମାତ୍ର ଲଜ୍ଜା ଓ ଦୁର୍ନାମ ସ୍ୱରୂପ ଅଟନ୍ତି ।"
\s5
\v 6 ଦକ୍ଷିଣର ପଶୁଗଣ ବିଷୟକ ଭାରୋକ୍ତି । ଯେଉଁ ସ୍ଥାନରୁ ଯୁବା ଓ ବୃଦ୍ଧ ସିଂହ, କାଳସର୍ପ ଓ ଉଡ୍‍ଡୀୟମାନ ଅଗ୍ନିମୟ ସର୍ପ ଆସନ୍ତି, ଏପରି ସଙ୍କଟ ଓ ଯନ୍ତ୍ରଣାମୟ ଦେଶ ଦେଇ ଯେଉଁମାନଙ୍କ ଦ୍ୱାରା ସେମାନଙ୍କର ଉପକାର ହେବ ନାହିଁ, ଏପରି ଏକ ଗୋଷ୍ଠୀ ନିକଟକୁ, ସେମାନେ ଯୁବା ଗର୍ଦ୍ଦଭଗଣର ସ୍କନ୍ଧରେ ଆପଣାମାନଙ୍କର ଧନ ଓ ଉଷ୍ଟ୍ରଗଣର କୁବ୍‍ଜା ଉପରେ ଆପଣାମାନଙ୍କର ସମ୍ପତ୍ତି ବହି ନିଅନ୍ତି ।
\v 7 କାରଣ ମିସର ମିଥ୍ୟା ଓ ବୃଥାରେ ସାହାଯ୍ୟ କରେ; ଏଥିପାଇଁ ଆମ୍ଭେ ତାହାକୁ ନିଷ୍କର୍ମରେ ଉପବିଷ୍ଟ ରାହବ ବୋଲି ନାମ ଦେଇଅଛୁ ।
\s ଅବାଧ୍ୟ ଜାତି
\p
\s5
\v 8 ଏବେ ଯାଅ, ସେମାନଙ୍କ ସାକ୍ଷାତରେ ଏକ ଫଳକରେ ତାହା ଲେଖ ଓ ତାହା ଯେପରି ଆସନ୍ତା କାଳ ନିମନ୍ତେ, ଅନନ୍ତ କାଳ ପର୍ଯ୍ୟନ୍ତ ରହିବ, ଏଥିପାଇଁ ଏକ ପୁସ୍ତକରେ ତାହା ଲିପିବଦ୍ଧ କର ।
\v 9 କାରଣ ସେମାନେ ବିଦ୍ରୋହୀ ଗୋଷ୍ଠୀ, ମିଥ୍ୟାବାଦୀ ସନ୍ତାନ, ସେମାନେ ସଦାପ୍ରଭୁଙ୍କ ବ୍ୟବସ୍ଥା ଶୁଣିବାକୁ ଅସମ୍ମତ ସନ୍ତାନ;
\s5
\v 10 ସେମାନେ ଦର୍ଶକଗଣକୁ କହନ୍ତି, "ତୁମ୍ଭେମାନେ ଦର୍ଶନ କର ନାହିଁ" ଓ ଭବିଷ୍ୟଦ୍‍ବକ୍ତାଗଣଙ୍କୁ କହନ୍ତି, "ତୁମ୍ଭେମାନେ ଆମ୍ଭମାନଙ୍କ ନିକଟରେ ଯଥାର୍ଥ ବାକ୍ୟ ପ୍ରଚାର କର ନାହିଁ, ଆମ୍ଭମାନଙ୍କୁ କୋମଳ କଥା କୁହ ଓ ଭ୍ରାନ୍ତିଜନକ ବାକ୍ୟ ପ୍ରଚାର କର;
\v 11 ତୁମ୍ଭେମାନେ ପଥରୁ ବାହାରି ଯାଅ, ବାଟ ଛାଡ଼ି ଦିଅ, ଇସ୍ରାଏଲର ଧର୍ମସ୍ୱରୂପଙ୍କୁ ଆମ୍ଭମାନଙ୍କ ସମ୍ମୁଖରୁ ଦୂର କରାଅ ।"
\s5
\v 12 ଏହେତୁ ଇସ୍ରାଏଲର ଧର୍ମସ୍ୱରୂପ ଏହି କଥା କହନ୍ତି, "ତୁମ୍ଭେମାନେ ଏହି ବାକ୍ୟ ତୁଚ୍ଛ କରୁଅଛ, ପୁଣି, ଉପଦ୍ରବ ଓ କୁଟିଳତାରେ ବିଶ୍ୱାସ କରି ତହିଁ ଉପରେ ନିର୍ଭର ରଖୁଅଛ;
\v 13 ଏଥିପାଇଁ ଉଚ୍ଚ ଭିତ୍ତିର ପତନଶୀଳ ଯେଉଁ ଟୋଲା ଫାଟ, ହଠାତ୍‍ ଏକାବେଳେ ଭାଙ୍ଗି ପଡ଼େ, ତାହାରି ତୁଲ୍ୟ ଏହି ଅପରାଧ ତୁମ୍ଭମାନଙ୍କ ପ୍ରତି ହେବ ।"
\s5
\v 14 ପୁଣି, ଯେପରି କୁମ୍ଭକାରର ପାତ୍ର ଭଙ୍ଗାଯାଏ, ସେପରି ସେ କିଛି ଦୟା ନ କରି ତାହା ଚୂର୍ଣ୍ଣ କରି ଭାଙ୍ଗି ପକାଇବେ; ତହିଁରେ ଚୁଲ୍ଲୀରୁ ଅଗ୍ନି କିଅବା କୁଣ୍ଡରୁ ଜଳ ନେବା ଭଳି ଖଣ୍ଡେ ଖପରା ହିଁ ତହିଁରୁ ମିଳିବ ନାହିଁ ।
\s5
\v 15 କାରଣ ପ୍ରଭୁ, ସଦାପ୍ରଭୁ ଇସ୍ରାଏଲର ଧର୍ମସ୍ୱରୂପ କହିଲେ, "ଫେରିଲେ ଓ ଶାନ୍ତ ହେଲେ ତୁମ୍ଭେମାନେ ପରିତ୍ରାଣ ପାଇବ; ସୁସ୍ଥିରତା ଓ ବିଶ୍ୱାସରେ ତୁମ୍ଭମାନଙ୍କର ବଳ ହେବ, ପୁଣି, ତୁମ୍ଭେମାନେ ଅସମ୍ମତ ହେଲ ।
\v 16 ମାତ୍ର ତୁମ୍ଭେମାନେ କହିଲ, ନା, ଆମ୍ଭେମାନେ ଅଶ୍ୱରେ ପଳାଇବୁ; ଏଥିପାଇଁ ତୁମ୍ଭେମାନେ ପଳାତକ ହେବ; ଆଉ କହିଲ, ଆମ୍ଭେମାନେ ଦ୍ରୁତଗାମୀ ବାହନରେ ଚଢ଼ିବା; ଏଥିପାଇଁ ତୁମ୍ଭମାନଙ୍କ ପଶ୍ଚାତ୍‍ ଗୋଡ଼ାଇବା ଲୋକମାନେ ଦ୍ରୁତଗାମୀ ହେବେ ।
\s5
\v 17 ଏକ ଜଣର ଧମକରେ ସହସ୍ର ଲୋକ ପଳାୟନ କରିବେ; ପାଞ୍ଚ ଜଣର ଧମକରେ ତୁମ୍ଭେମାନେ ପଳାୟନ କରିବ; ତହିଁରେ ତୁମ୍ଭେମାନେ ପର୍ବତର ଶୃଙ୍ଗରେ ଏକ ଚିହ୍ନ ସ୍ୱରୂପ ଓ ଉପପର୍ବତରେ ପତାକାର ଦଣ୍ଡ ସ୍ୱରୂପ ହୋଇ ଅବଶିଷ୍ଟ ରହିବ ।"
\s5
\v 18 ପୁଣି, ତହିଁ ସକାଶୁ ସଦାପ୍ରଭୁ ତୁମ୍ଭମାନଙ୍କ ପ୍ରତି ଅନୁଗ୍ରହ କରିବା ପାଇଁ ଅପେକ୍ଷା କରିବେ, ଆଉ ତହିଁ ସକାଶୁ ତୁମ୍ଭମାନଙ୍କ ପ୍ରତି ଦୟା କରିବା ନିମନ୍ତେ ସେ ଉନ୍ନତ ହେବେ; କାରଣ ସଦାପ୍ରଭୁ ନ୍ୟାୟ ବିଚାରକାରୀ ପରମେଶ୍ୱର ଅଟନ୍ତି; ଯେଉଁମାନେ ତାହାଙ୍କ ପାଇଁ ଅପେକ୍ଷା କରନ୍ତି, ସେସମସ୍ତେ ଧନ୍ୟ ।
\s ଲୋକମାନଙ୍କ ପ୍ରତି ପରମେଶ୍ୱରଙ୍କ ଆଶୀର୍ବାଦ
\p
\v 19 ଲୋକମାନେ ସିୟୋନରେ, ଯିରୂଶାଲମରେ ବାସ କରିବେ; ତୁମ୍ଭେ ଆଉ ରୋଦନ କରିବ ନାହିଁ; ତୁମ୍ଭର କ୍ରନ୍ଦନ ରବରେ ସେ ଅବଶ୍ୟ ତୁମ୍ଭକୁ ଅନୁଗ୍ରହ କରିବେ; ସେ ଶୁଣିବା ମାତ୍ରେ ତୁମ୍ଭକୁ ଉତ୍ତର ଦେବେ ।
\s5
\v 20 ପୁଣି, ଯଦ୍ୟପି ପ୍ରଭୁ ତୁମ୍ଭମାନଙ୍କୁ ଦୁଃଖରୂପ ଖାଦ୍ୟ ଓ କ୍ଲେଶରୂପ ଜଳ ଦିଅନ୍ତି, ତଥାପି ତୁମ୍ଭମାନଙ୍କର ଶିକ୍ଷକଗଣ ଆଉ ଗୁପ୍ତ ରହିବେ ନାହିଁ, ମାତ୍ର ତୁମ୍ଭର ଚକ୍ଷୁ ତୁମ୍ଭ ଶିକ୍ଷକଗଣକୁ ଦେଖିବ ।
\v 21 ପୁଣି, ଦକ୍ଷିଣରେ କିମ୍ବା ବାମରେ ଫେରିବା ବେଳେ ତୁମ୍ଭର କର୍ଣ୍ଣ ତୁମ୍ଭ ପଛଆଡ଼ୁ ଏହି କଥା ଶୁଣିବ, "ପଥ ଏହି, ଏଥିରେ ହିଁ ତୁମ୍ଭେମାନେ ଗମନ କର ।"
\s5
\v 22 ଆଉ, ତୁମ୍ଭେମାନେ ଆପଣାର ରୌପ୍ୟ ପ୍ରତିମାଗଣର ମଣ୍ଡନ ଓ ଛାଞ୍ଚରେ ଢଳା ସ୍ୱର୍ଣ୍ଣ ପ୍ରତିମାଗଣର ଆଭରଣ ଅଶୁଚି କରିବ; ତୁମ୍ଭେ ସେସବୁକୁ ଅଶୁଚି ବସ୍ତୁ ତୁଲ୍ୟ ପକାଇ ଦେବ; ତୁମ୍ଭେ କହିବ, "ଏଠାରୁ ବାହାରି ଯାଅ ।"
\s5
\v 23 ପୁଣି, ଭୂମିରେ ବୁଣିବା ନିମନ୍ତେ ସେ ତୁମ୍ଭ ବୀଜ ପାଇଁ ବୃଷ୍ଟି ଦେବେ; ଭୂମ୍ୟୁତ୍ପନ୍ନ ଭକ୍ଷ୍ୟ ଦେବେ ଓ ତାହା ଉତ୍ତମ ଓ ପ୍ରଚୁର ହେବ; ସେଦିନରେ ତୁମ୍ଭ ପଶୁପଲ ପ୍ରଶସ୍ତ ଚରାସ୍ଥାନରେ ଚରିବେ ।
\v 24 ମଧ୍ୟ ଭୂମି ଚାଷକାରୀ ବଳଦ, ଯୁବା ଗର୍ଦ୍ଦଭମାନେ ଚାଲୁଣୀ ଓ କୁଲାରେ ଝଡ଼ା ସୁମିଶ୍ରିତ ଶସ୍ୟାଦି ଖାଇବେ ।
\s5
\v 25 ଆଉ, ଯେଉଁ ମହାହତ୍ୟା ଦିନରେ ଦୁର୍ଗସବୁ ପତିତ ହେବ, ସେହି ଦିନରେ ପ୍ରତ୍ୟେକ ଉଚ୍ଚ ପର୍ବତରେ, ପ୍ରତ୍ୟେକ ଉଚ୍ଚ ଗିରିରେ ନଦୀ ଓ ଜଳସ୍ରୋତ ହେବ ।
\v 26 ଆହୁରି, ଯେଉଁ ଦିନ ସଦାପ୍ରଭୁ ଆପଣା ଲୋକମାନଙ୍କର ଆଘାତ ସ୍ଥାନ ବାନ୍ଧିବେ ଓ ପ୍ରହାରଜାତ ସେମାନଙ୍କ କ୍ଷତ ସୁସ୍ଥ କରିବେ, ସେଦିନରେ ଚନ୍ଦ୍ରମାର ଦୀପ୍ତି ସୂର୍ଯ୍ୟର ଦୀପ୍ତି ତୁଲ୍ୟ ହେବ, ଆଉ ସୂର୍ଯ୍ୟର ଦୀପ୍ତି ସାତ ଦିନର ଦୀପ୍ତି ତୁଲ୍ୟ ସପ୍ତଗୁଣ ହେବ ।
\s5
\v 27 ଦେଖ, ସଦାପ୍ରଭୁଙ୍କର ନାମ ତାହାଙ୍କ କ୍ରୋଧରେ ପ୍ରଜ୍ୱଳିତ ଓ ନିବିଡ଼ ଧୂମରାଶି ହୋଇ ଦୂରରୁ ଆସୁଅଛି; ତାହାଙ୍କର ଓଷ୍ଠାଧର କ୍ରୋଧରେ ପରିପୂର୍ଣ୍ଣ ଓ ତାହାଙ୍କର ଜିହ୍ୱା ସର୍ବଗ୍ରାସକ ଅଗ୍ନି ତୁଲ୍ୟ;
\v 28 ପୁଣି, ତାହାଙ୍କର ଶ୍ୱାସବାୟୁ ପ୍ଳାବିତ ସ୍ରୋତ ତୁଲ୍ୟ, ସର୍ବଦେଶୀୟ ଲୋକମାନଙ୍କୁ ଅସାରତାରୂପ ଚାଲୁଣୀରେ ଚଲାଇବା ନିମନ୍ତେ ତାହା କଣ୍ଠ ପର୍ଯ୍ୟନ୍ତ ଉଠୁଅଛି; ଆଉ, ଗୋଷ୍ଠୀସମୂହର ମୁଖରେ ଭ୍ରାନ୍ତିଜନକ ଲଗାମ ଦିଆଯିବ ।
\s5
\v 29 ପବିତ୍ର ଉତ୍ସବ ପାଳନର ରାତ୍ରିରେ ଯେପରି, ସେପରି ତୁମ୍ଭେମାନେ ଗାନ କରିବ; ପୁଣି, ଲୋକେ ଯେପରି ସଦାପ୍ରଭୁଙ୍କ ପର୍ବତକୁ, ଇସ୍ରାଏଲର ଶୈଳ ନିକଟକୁ ଯିବା ପାଇଁ ବଂଶୀ ବଜାଇ ଗମନ କରନ୍ତି, ସେପରି ତୁମ୍ଭମାନଙ୍କର ଚିତ୍ତ ଆନନ୍ଦିତ ହେବ ।
\s5
\v 30 ପୁଣି, ସଦାପ୍ରଭୁ ଆପଣା କ୍ରୋଧର ପ୍ରଚଣ୍ଡତା ଓ ସର୍ବଗ୍ରାସକ ଅଗ୍ନିଶିଖା, ତୋଫାନ, ଝଡ଼ ଓ ଶିଳାବୃଷ୍ଟି ଦ୍ୱାରା ଆପଣାର ପ୍ରତାପାନ୍ୱିତ ରବ ଶୁଣାଇବେ ଓ ଆପଣା ହସ୍ତର ଅବରୋହଣ ଦେଖାଇବେ ।
\s5
\v 31 କାରଣ ସଦାପ୍ରଭୁଙ୍କ ରବରେ ଅଶୂର ଖଣ୍ଡ ଖଣ୍ଡ ହୋଇ ଭଗ୍ନ ହେବ, ସେ ତାହାକୁ ଦଣ୍ଡାଘାତ କରିବେ ।
\v 32 ପୁଣି, ଯେଉଁ ନିରୂପିତ ଯଷ୍ଟି ସଦାପ୍ରଭୁ ତାହା ଉପରେ ଥୋଇବେ, ତହିଁର ପ୍ରତ୍ୟେକ ଆଘାତ ସମୟରେ ତବଲା ଓ ବୀଣା ବାଜିବ ଓ ସେ ସେମାନଙ୍କ ସହିତ ମହାଯୁଦ୍ଧ କରିବେ ।
\s5
\v 33 କାରଣ ତୋଫତ୍‍ (ଅଗ୍ନିକୁଣ୍ଡ) ପୂର୍ବକାଳରୁ ନିର୍ମିତ ହୋଇଅଛି ଓ ତାହା ରାଜାର ନିମନ୍ତେ ପ୍ରସ୍ତୁତ ହୋଇଅଛି; ସେ ତାହାକୁ ଗଭୀର ଓ ପ୍ରଶସ୍ତ କରିଅଛନ୍ତି, ତହିଁର ସ୍ତୂପ ଅଗ୍ନି ଓ ପ୍ରଚୁର କାଷ୍ଠମୟ; ପୁଣି, ସଦାପ୍ରଭୁଙ୍କ ଫୁତ୍କାର ଗନ୍ଧକ ସ୍ରୋତନ୍ୟାୟ ତାହା ପ୍ରଜ୍ୱଳିତ କରେ ।
\s5
\c 31
\s ମିସର ଉପରେ ନିର୍ଭରକାରୀ ସନ୍ତାପର ପାତ୍ର
\p
\v 1 ଯେଉଁମାନେ ସାହାଯ୍ୟ ନିମନ୍ତେ ମିସରକୁ ଯାଆନ୍ତି ଓ ଅଶ୍ୱଗଣରେ ନିର୍ଭର କରନ୍ତି ଓ ରଥ ଅନେକ ହେବାରୁ, ଆଉ ଅଶ୍ୱାରୋହୀଗଣ ଅତି ବଳବାନ ହେବାରୁ ସେମାନଙ୍କ ଉପରେ ବିଶ୍ୱାସ କରନ୍ତି; ମାତ୍ର ଇସ୍ରାଏଲର ଧର୍ମସ୍ୱରୂପଙ୍କ ପ୍ରତି ନ ଅନାନ୍ତି, କିଅବା ସଦାପ୍ରଭୁଙ୍କର ଅନ୍ୱେଷଣ ନ କରନ୍ତି, ସେମାନେ ସନ୍ତାପର ପାତ୍ର !
\v 2 ତଥାପି ସେ ମଧ୍ୟ ଜ୍ଞାନବାନ ଓ ସେ ଅମଙ୍ଗଳ ଘଟାଇବେ, ପୁଣି, ଆପଣା ବାକ୍ୟ ଅନ୍ୟଥା କରିବେ ନାହିଁ; ମାତ୍ର ସେ କୁକ୍ରିୟାକାରୀମାନଙ୍କ ବଂଶର ପ୍ରତିକୂଳରେ ଓ ଅଧର୍ମାଚାରୀମାନଙ୍କ ସହାୟଗଣର ପ୍ରତିକୂଳରେ ଉଠିବେ ।
\s5
\v 3 ମିସ୍ରୀୟମାନେ ମନୁଷ୍ୟ ମାତ୍ର, ପରମେଶ୍ୱର ନୁହନ୍ତି ଓ ସେମାନଙ୍କ ଅଶ୍ୱଗଣ ମାଂସ ମାତ୍ର, ଆତ୍ମା ନୁହନ୍ତି; ପୁଣି ସଦାପ୍ରଭୁ ଆପଣା ହସ୍ତ ବିସ୍ତାର କଲେ, ସହାୟକାରୀ ଝୁଣ୍ଟି ପଡ଼ିବ ଓ ସହାୟପ୍ରାପ୍ତ ପଡ଼ିଯିବ, ପୁଣି ଦୁହେଁ ଏକତ୍ର ବିନଷ୍ଟ ହେବେ ।
\s5
\v 4 କାରଣ ସଦାପ୍ରଭୁ ଆମ୍ଭକୁ ଏହି କଥା କହନ୍ତି, "ଯେପରି ସିଂହ ଓ ଯୁବା ସିଂହ ଆପଣା ଶିକାର ଉପରେ ଗର୍ଜନ କରେ, ଅନେକ ଅନେକ ମେଷପାଳକ ତାହା ବିରୁଦ୍ଧରେ ଡକା ଗଲେ ହେଁ ସେ ସେମାନଙ୍କ ରବରେ ଉଦ୍‍ବିଗ୍ନ ହୁଏ ନାହିଁ, କିଅବା ସେମାନଙ୍କ କୋଳାହଳରେ ଆପଣାକୁ ଅବନତ କରେ ନାହିଁ, ସେପରି ସୈନ୍ୟାଧିପତି ସଦାପ୍ରଭୁ ସିୟୋନ ପର୍ବତରେ ଓ ତହିଁର ଉପପର୍ବତରେ ଯୁଦ୍ଧ କରିବା ପାଇଁ ଓହ୍ଲାଇ ଆସିବେ ।
\s5
\v 5 ଯେପରି ପକ୍ଷୀମାନେ ଉଡ଼ି ଉଡ଼ି ରକ୍ଷା କରନ୍ତି, ସେପରି ସୈନ୍ୟାଧିପତି ସଦାପ୍ରଭୁ ଯିରୂଶାଲମକୁ ରକ୍ଷା କରିବେ; ସେ ତାହାକୁ ରକ୍ଷା କରି ଉଦ୍ଧାର କରିବେ, ସେ ତାହାକୁ ନିସ୍ତାର କରି ରକ୍ଷା କରିବେ ।
\v 6 ହେ ଇସ୍ରାଏଲ ସନ୍ତାନଗଣ, ତୁମ୍ଭେମାନେ ଅତିଶୟ ଦ୍ରୋହାଚରଣ କରି ଯାହାଙ୍କଠାରୁ ବିମୁଖ ହୋଇଅଛ, ତାହାଙ୍କ ନିକଟକୁ ଫେରି ଆସ ।
\v 7 କାରଣ ସେହି ଦିନରେ ତୁମ୍ଭମାନଙ୍କର ପ୍ରତ୍ୟେକ ଜଣ ଆପଣା ଆପଣା ହସ୍ତନିର୍ମିତ ରୌପ୍ୟପ୍ରତିମା ଓ ସ୍ୱର୍ଣ୍ଣ- ପ୍ରତିମାରୂପ ପାପବସ୍ତୁ ପକାଇ ଦେବ ।
\v 8 ସେସମୟରେ ଅଶୂରୀୟ ଖଡ଼୍‍ଗରେ ପତିତ ହେବ, ମାତ୍ର ମନୁଷ୍ୟର ଖଡ଼୍‍ଗରେ ନୁହେଁ; ପୁଣି ଖଡ଼୍‍ଗ ତାହାକୁ ଗ୍ରାସ କରିବ, ମାତ୍ର ମନୁଷ୍ୟର ଖଡ଼୍‍ଗ ନୁହେଁ; ଆଉ, ସେ ଖଡ଼୍‍ଗ ସମ୍ମୁଖରୁ ପଳାଇବ ଓ ତାହାର ଯୁବକମାନେ ପରାଧୀନ ହେବେ ।
\v 9 ପୁଣି, ତ୍ରାସପ୍ରଯୁକ୍ତ ତାହାର ଶୈଳ ଅନ୍ତର୍ହିତ ହେବ ଓ ତାହାର ଅଧିପତିମାନେ ଧ୍ୱଜା ଦେଖି ଉଦ୍‍ବିଗ୍ନ ହେବେ," ସିୟୋନରେ ଯାହାଙ୍କର ଅଗ୍ନି ଓ ଯିରୂଶାଲମରେ ଯାହାଙ୍କର ଅଗ୍ନିକୁଣ୍ଡ ଅଛି, ସେହି ସଦାପ୍ରଭୁ ଏହି କଥା କହନ୍ତି ।
\s5
\c 32
\s ଜଣେ ଧାର୍ମିକ ରାଜା
\p
\v 1 ଦେଖ, ଏକ ରାଜା ଧର୍ମାନୁସାରେ ରାଜତ୍ୱ କରିବେ ଓ ଅଧିପତିମାନେ ନ୍ୟାୟାନୁସାରେ ଶାସନ କରିବେ ।
\v 2 ପୁଣି, ପ୍ରତ୍ୟେକେ ବତାସରୁ ଆଶ୍ରୟ ସ୍ଥାନ ଓ ଝଡ଼ରୁ ଆଶ୍ରୟ, ଶୁଷ୍କ ସ୍ଥାନରେ ଜଳସ୍ରୋତ, ଶ୍ରାନ୍ତିଜନକ ଭୂମିରେ ବୃହତ ଶୈଳର ଛାୟା ସ୍ୱରୂପ ହେବେ ।
\v 3 ପୁଣି, ଦର୍ଶକମାନଙ୍କ ଚକ୍ଷୁ ଧନ୍ଦଳା ହେବ ନାହିଁ ଓ ଶ୍ରୋତାମାନଙ୍କର କର୍ଣ୍ଣ ମନୋଯୋଗ କରିବ ।
\s5
\v 4 ଆହୁରି, ଅବିବେଚକର ଚିତ୍ତ ଜ୍ଞାନ ପାଇବ ଓ ତୋତଲାମାନଙ୍କର ଜିହ୍ୱା ସହଜରେ ସ୍ପଷ୍ଟ କଥା କହିବ ।
\v 5 ମୂଢ଼ ଲୋକ ମହାତ୍ମା ବୋଲି ଓ ଖଳ ଲୋକ ଉଦାର ବୋଲି ଆଉ ବିଖ୍ୟାତ ହେବ ନାହିଁ ।
\v 6 କାରଣ ପାଷାଣ୍ଡତା ବ୍ୟବହାର କରିବା ପାଇଁ ଓ ସଦାପ୍ରଭୁଙ୍କ ପ୍ରତିକୂଳରେ ଭ୍ରାନ୍ତିର କଥା କହିବା ପାଇଁ, କ୍ଷୁଧିତର ପ୍ରାଣ ଶୂନ୍ୟ କରିବା ପାଇଁ ଓ ତୃଷିତର ଜଳ ବାରଣ କରିବା ପାଇଁ ମୂଢ଼ ଲୋକ ଦୁଷ୍ଟତାର କଥା କହିବ ଓ ତାହାର ହୃଦୟ ଅଧର୍ମ କଳ୍ପନା କରିବ ।
\s5
\v 7 ଆହୁରି, ଖଳ ଲୋକର ଉପାୟସବୁ ମନ୍ଦ; ସେ ନମ୍ର ଲୋକକୁ, ଅର୍ଥାତ୍‍, ଯଥାର୍ଥ କଥା କହିବା ବେଳେ ଦୀନହୀନକୁ ମିଥ୍ୟା କଥା ଦ୍ୱାରା ନାଶ କରିବା ପାଇଁ କୁସଂକଳ୍ପ କଳ୍ପନା କରେ ।
\v 8 ମାତ୍ର ମହାତ୍ମା ମାହାତ୍ମ୍ୟର ମନ୍ତ୍ରଣା କରେ ଓ ସେ ମାହାତ୍ମ୍ୟର ଚେଷ୍ଟାରେ ସ୍ଥିର ରହିବ ।
\s ସୁଖିନୀ ନାରୀଗଣଙ୍କ ବିପଦ
\p
\s5
\v 9 ହେ ସୁଖିନୀ ନାରୀଗଣ, ତୁମ୍ଭେମାନେ ଉଠି ମୋହର ରବ ଶୁଣ, ହେ ନିଶ୍ଚିନ୍ତା କନ୍ୟାଗଣ, ମୋ' ବାକ୍ୟରେ କର୍ଣ୍ଣପାତ କର ।
\v 10 ହେ ନିଶ୍ଚିନ୍ତା ନାରୀଗଣ, ତୁମ୍ଭେମାନେ ଏକ ବର୍ଷର ଉପରେ କେତେକ ଦିନ ଉଦ୍‍ବିଗ୍ନା ହେବ; କାରଣ ଦ୍ରାକ୍ଷାଫଳର ଅଭାବ ହେବ, ଫଳ ଅମଳର ସମୟ ଆସିବ ନାହିଁ ।
\s5
\v 11 ହେ ସୁଖିନୀ ନାରୀଗଣ, ତୁମ୍ଭେମାନେ କମ୍ପିତା ହୁଅ; ହେ ନିଶ୍ଚିନ୍ତାମାନେ, ଉଦ୍‍ବିଗ୍ନା ହୁଅ; ବସ୍ତ୍ର କାଢ଼ି ବିବସ୍ତ୍ରା ହୁଅ ଓ ତୁମ୍ଭମାନଙ୍କ କଟିଦେଶରେ ଚଟ ବାନ୍ଧ ।
\v 12 ସେମାନେ ମନୋରମ କ୍ଷେତ୍ର ଓ ଫଳବତୀ ଦ୍ରାକ୍ଷାଲତା ନିମନ୍ତେ ଛାତିରେ ମାରି ହେବେ ।
\v 13 ମୋ' ଲୋକମାନଙ୍କ ଭୂମି କଣ୍ଟକ ଓ କାନକୋଳି ବୃକ୍ଷମୟ ହେବ; ହଁ, ଉଲ୍ଲାସପ୍ରିୟ ନଗରର ଯାବତୀୟ ଆନନ୍ଦ-ଗୃହ ତାହା ହିଁ ହେବ;
\s5
\v 14 କାରଣ, ରାଜପୁରୀ ପରିତ୍ୟକ୍ତ ହେବ ଓ ଜନପୂର୍ଣ୍ଣ ନଗର ଜନଶୂନ୍ୟ ହେବ; ଗିରି ଓ ପ୍ରହରୀଦୁର୍ଗ ଚିରକାଳ ଗୁହାମୟ, ବନଗର୍ଦ୍ଦଭମାନଙ୍କର ଉଲ୍ଲାସ ଭୂମି ଓ ପଶୁପଲର ଚରାସ୍ଥାନ ହେବ;
\v 15 ଶେଷରେ ଉର୍ଦ୍ଧ୍ୱରୁ ଆମ୍ଭମାନଙ୍କ ଉପରେ ଆତ୍ମା ଢଳା ଗଲେ ପ୍ରାନ୍ତର ଉର୍ବରା କ୍ଷେତ୍ର ହେବ ଓ ଉର୍ବରା କ୍ଷେତ୍ର ଅରଣ୍ୟ ବୋଲି ଗଣାଯିବ ।
\s5
\v 16 ସେତେବେଳେ ପ୍ରାନ୍ତରରେ ନ୍ୟାୟ ବିଚାର ବାସ କରିବ ଓ ଉର୍ବରା କ୍ଷେତ୍ରରେ ଧାର୍ମିକତା ବସତି କରିବ ।
\v 17 ପୁଣି, ଧାର୍ମିକତାର କାର୍ଯ୍ୟ ଶାନ୍ତିମୟ ହେବ; ଆଉ, ଧାର୍ମିକତାର ଫଳ ନିତ୍ୟ ସୁସ୍ଥିରତା ଓ ନିର୍ଭୟତା ହେବ ।
\v 18 ପୁଣି, ମୋହର ଲୋକମାନେ ଶାନ୍ତିମୟ ବସତି ସ୍ଥାନରେ, ଦୃଢ଼ ଆବାସରେ ଓ ସୁସ୍ଥିର ବିଶ୍ରାମ ସ୍ଥାନରେ ବାସ କରିବେ ।
\s5
\v 19 ମାତ୍ର ଅରଣ୍ୟର ପତନରେ ଶିଳାବୃଷ୍ଟି ହେବ ଓ ନଗର ସମ୍ପୂର୍ଣ୍ଣ ରୂପେ ନିପାତିତ ହେବ ।
\v 20 ସଜଳ ସ୍ଥାନସବୁରେ ବୀଜ ବୁଣୁଅଛ ଓ ଗୋରୁ ଗର୍ଦ୍ଦଭକୁ ବାହାରେ ପଠାଉଅଛ ଯେ ତୁମ୍ଭେମାନେ, ତୁମ୍ଭେମାନେ ଧନ୍ୟ ।
\s5
\c 33
\s ସାହାଯ୍ୟ ପାଇଁ ପ୍ରାର୍ଥନା
\p
\v 1 ଆପେ ଲୁଟିତିତ ନୋହିଲେ ହେଁ ଲୁଟୁଅଛ ଯେ ତୁମ୍ଭେ; ପୁଣି, ଲୋକମାନେ ତୁମ୍ଭ ପ୍ରତି ବିଶ୍ୱାସଘାତକତା ନ କଲେ ହେଁ ବିଶ୍ୱାସଘାତକତା କରୁଅଛ ଯେ ତୁମ୍ଭେ, ତୁମ୍ଭେ ସନ୍ତାପର ପାତ୍ର ! ତୁମ୍ଭେ ଲୁଟିବାର ସମାପ୍ତ କଲା ଉତ୍ତାରେ ଲୁଟିତିତ ହେବ ଓ ବିଶ୍ୱାସଘାତକତା କରିବାର ସମାପ୍ତ କଲା ଉତ୍ତାରେ ଲୋକମାନେ ତୁମ୍ଭ ପ୍ରତି ବିଶ୍ୱାସଘାତକତା କରିବେ ।
\s5
\v 2 ହେ ସଦାପ୍ରଭୁ, ଆମ୍ଭମାନଙ୍କ ପ୍ରତି କୃପା କର; ଆମ୍ଭେମାନେ ତୁମ୍ଭର ଅପେକ୍ଷା କରିଅଛୁ; ତୁମ୍ଭେ ପ୍ରତି ପ୍ରଭାତ ସେମାନଙ୍କର ବାହୁ ସ୍ୱରୂପ ହୁଅ, ସଙ୍କଟ ସମୟରେ ମଧ୍ୟ ଆମ୍ଭମାନଙ୍କର ଉଦ୍ଧାର ସ୍ୱରୂପ ହୁଅ ।
\s5
\v 3 କୋଳାହଳର ଶବ୍ଦରେ ଗୋଷ୍ଠୀୟମାନେ ପଳାୟନ କଲେ, ତୁମ୍ଭେ ଉଠନ୍ତେ, ଅନ୍ୟ ଦେଶୀୟମାନେ ଛିନ୍ନଭିନ୍ନ ହେଲେ ।
\v 4 ପୁଣି, ଯେପରି ପତଙ୍ଗ ସଂଗ୍ରହ କରେ, ସେପରି ତୁମ୍ଭମାନଙ୍କର ଲୁଟିତ ସଂଗୃହୀତ ହେବ; ଯେପରି ଫଡ଼ିଙ୍ଗମାନେ ଡିଆଁ ମାରନ୍ତି, ସେପରି ଲୋକମାନେ ତହିଁ ଉପରେ ଡିଆଁ ମାରିବେ ।
\s5
\v 5 ସଦାପ୍ରଭୁ ଉନ୍ନତ; କାରଣ ସେ ଉର୍ଦ୍ଧ୍ୱଲୋକରେ ବାସ କରନ୍ତି; ସେ ସିୟୋନକୁ ନ୍ୟାୟ ବିଚାର ଓ ଧାର୍ମିକତାରେ ପୂର୍ଣ୍ଣ କରିଅଛନ୍ତି ।
\v 6 ପୁଣି, ତୁମ୍ଭ ସମୟରେ ସୁସ୍ଥିରତା ହେବ; ପରିତ୍ରାଣର, ଜ୍ଞାନର ଓ ବୁଦ୍ଧିର ବାହୁଲ୍ୟ ହେବ; ସଦାପ୍ରଭୁ ବିଷୟକ ଭୟ ତାହାର ଭଣ୍ଡାର ।
\s5
\v 7 ଦେଖ, ସେମାନଙ୍କର ବିକ୍ରମଶାଳୀମାନେ ବାହାରେ କ୍ରନ୍ଦନ କରୁଅଛନ୍ତି; ସନ୍ଧି-ଅନ୍ୱେଷଣକାରୀ ଦୂତମାନେ ଅତିଶୟ ରୋଦନ କରୁଅଛନ୍ତି ।
\v 8 ରାଜପଥସବୁ ନରଶୂନ୍ୟ, ପଥିକ କେହି ନାହିଁ; ସେ ନିୟମ ଭାଙ୍ଗିଅଛି, ସେ ନଗରସବୁକୁ ତୁଚ୍ଛ କରିଅଛି, ସେ ମନୁଷ୍ୟକୁ ଗଣେ ନାହିଁ ।
\s5
\v 9 ଦେଶ ବିଳାପ କରି ମଳିନ ହେଉଅଛି; ଲିବାନୋନ ଲଜ୍ଜିତ ହୋଇ ଶୁଷ୍କ ହେଉଅଛି; ଶାରୋଣ ଅରଣ୍ୟ ତୁଲ୍ୟ ହୋଇଅଛି; ପୁଣି ବାଶନ୍‍ ଓ କର୍ମିଲ୍‍ ପତ୍ର ଝାଡ଼ି ଦେଉଅଛନ୍ତି ।
\s ପରମେଶ୍ୱରଙ୍କ ଚେତାବନୀ
\p
\s5
\v 10 ସଦାପ୍ରଭୁ କହନ୍ତି, "ଆମ୍ଭେ ଏବେ ଉଠିବା," "ଆମ୍ଭେ ଏବେ ଆପଣାକୁ ଉଠାଇବା; ଆମ୍ଭେ ଏବେ ଉନ୍ନତ ହେବା ।
\v 11 ତୁମ୍ଭେମାନେ ତୁଷରୂପ ଗର୍ଭଧାରଣ କରି ନଡ଼ା ପ୍ରସବ କରିବ; ତୁମ୍ଭମାନଙ୍କର ଅଗ୍ନିବତ୍‍ ଶ୍ୱାସବାୟୁ ତୁମ୍ଭମାନଙ୍କୁ ଗ୍ରାସ କରିବ ।
\v 12 ପୁଣି, ଗୋଷ୍ଠୀୟମାନେ ଭସ୍ମୀକୃତ ଚୂନ ପରି ଓ ଅଗ୍ନିରେ ଦଗ୍ଧ କଟା କଣ୍ଟକ ତୁଲ୍ୟ ହେବେ ।
\s5
\v 13 ହେ ଦୂରବର୍ତ୍ତୀ ଲୋକସମସ୍ତେ, ତୁମ୍ଭେମାନେ ଆମ୍ଭ କୃତ କର୍ମର କଥା ଶୁଣ; ପୁଣି, ହେ ନିକଟବର୍ତ୍ତୀ ଲୋକ ସମସ୍ତେ, ତୁମ୍ଭେମାନେ ଆମ୍ଭର ପରାକ୍ରମ ସ୍ୱୀକାର କର ।"
\v 14 ସିୟୋନରେ ପାପୀମାନେ ଭୀତ ଅଟନ୍ତି; ଅଧାର୍ମିକମାନଙ୍କୁ କମ୍ପ ହଠାତ୍‍ ଆକ୍ରମଣ କରିଅଛି । ଆମ୍ଭମାନଙ୍କ ମଧ୍ୟରୁ କିଏ ସର୍ବଗ୍ରାସକ ଅଗ୍ନିରେ ବାସ କରିପାରେ ? ଆମ୍ଭମାନଙ୍କ ମଧ୍ୟରୁ କିଏ ଅନନ୍ତ କାଳସ୍ଥାୟୀ ଜ୍ୱଳନରେ ବାସ କରିପାରେ ?
\s5
\v 15 ଯେଉଁ ଲୋକ ଧର୍ମରୂପ ପଥରେ ଚାଲେ ଓ ଯେ ସରଳ କଥା କହେ; ଯେଉଁ ଲୋକ ଉପଦ୍ରବଜାତ ଲାଭ ତୁଚ୍ଛ କରେ ଓ ଲାଞ୍ଚ ଧରିବା ବିଷୟରୁ ଆପଣା ହାତ ଝାଡ଼ି ଦିଏ, ଯେ ରକ୍ତପାତ କଥାର ଶ୍ରବଣରୁ ଆପଣା କର୍ଣ୍ଣ ରୋଧ କରେ, ପୁଣି ଦୁଷ୍କର୍ମର ଦର୍ଶନରୁ ଆପଣା ଚକ୍ଷୁ ମୁଦ୍ରିତ କରେ;
\v 16 ସେ ଉଚ୍ଚ ସ୍ଥାନରେ ବାସ କରିବ; ଶୈଳଗଣର ଦୁରାକ୍ରମ ସ୍ଥାନ ତାହାର ଦୁର୍ଗ ସ୍ୱରୂପ ହେବ; ତାହାର ଭକ୍ଷ୍ୟ ତାହାକୁ ଦିଆଯିବ; ତାହାର ଜଳର ଅଭାବ ହେବ ନାହିଁ ।
\s ଗୌରବୋଜ୍ୱଳ ଭବିଷ୍ୟତ
\p
\s5
\v 17 ତୁମ୍ଭର ଚକ୍ଷୁ ରାଜାଙ୍କୁ ତାହାଙ୍କ ସୌନ୍ଦର୍ଯ୍ୟରେ ଦର୍ଶନ କରିବ; ଏକ ଦୂରବ୍ୟାପୀ ଦେଶ ଦେଖିବ ।
\v 18 ତୁମ୍ଭର ଚିତ୍ତ ଭୟ ବିଷୟ ଆନ୍ଦୋଳନ କରିବ; ସେ ଗଣନାକାରୀ କାହିଁ ? ମୁଦ୍ରା ତୌଲକାରୀ କାହିଁ ? ଦୁର୍ଗ ଗଣନାକାରୀ କାହିଁ ?
\v 19 ତୁମ୍ଭେ ସେହି ଦୁରନ୍ତ ଗୋଷ୍ଠୀକୁ, ଅର୍ଥାତ୍‍, ଯେଉଁମାନଙ୍କର ଗଭୀର ଭାଷା ତୁମ୍ଭେ ଜାଣି ପାରିଲ ନାହିଁ, ଯେଉଁମାନଙ୍କର ବିଦେଶୀୟ ଭାଷା ତୁମ୍ଭେ ବୁଝି ପାରିଲ ନାହିଁ, ସେହି ଗୋଷ୍ଠୀକୁ ଆଉ ଦେଖିବ ନାହିଁ ।
\s5
\v 20 ଆମ୍ଭମାନଙ୍କର ପବିତ୍ର ସଭାସ୍ଥାନ ସିୟୋନ ନଗର ପ୍ରତି ଦୃଷ୍ଟି କର; ତୁମ୍ଭର ଚକ୍ଷୁ ଶାନ୍ତିମୟ ବସତିସ୍ଥାନ ଯିରୂଶାଲମକୁ ଦେଖିବ, ତାହା ଅଟଳ ତମ୍ବୁ ସ୍ୱରୂପ, ତହିଁର କୀଳାସବୁ କେବେ ଉପୁଡ଼ା ଯିବ ନାହିଁ, କିଅବା ତହିଁର କୌଣସି ରଜ୍ଜୁ ଛିଣ୍ଡିବ ନାହିଁ ।
\v 21 ମାତ୍ର ସେଠାରେ ସଦାପ୍ରଭୁ ପ୍ରତାପରେ ଆମ୍ଭମାନଙ୍କର ସହବର୍ତ୍ତୀ ହେବେ, ପ୍ରଶସ୍ତ ନଦନଦୀ ଓ ସ୍ରୋତସମୂହର ସ୍ଥାନ ସ୍ୱରୂପ ହେବେ; ସେସ୍ଥାନରେ ଆହୁଲାଯୁକ୍ତ କୌଣସି ପୋତ ଗମନ କରିବ ନାହିଁ, କିଅବା ଭୟଙ୍କର ଜାହାଜ ତାହା ପାର ହେବ ନାହିଁ ।
\s5
\v 22 କାରଣ ସଦାପ୍ରଭୁ ଆମ୍ଭମାନଙ୍କର ବିଚାରକର୍ତ୍ତା, ସଦାପ୍ରଭୁ ଆମ୍ଭମାନଙ୍କର ବ୍ୟବସ୍ଥାଦାତା, ସଦାପ୍ରଭୁ ଆମ୍ଭମାନଙ୍କର ରାଜା, ସେ ଆମ୍ଭମାନଙ୍କର ପରିତ୍ରାଣ କରିବେ ।
\s5
\v 23 ତୁମ୍ଭର ପାଲଦଉଡ଼ିସବୁ ହୁଗୁଳା ହୋଇଅଛି, ସେସବୁ ଆପଣା ମାସ୍ତୁଲକୁ ଦୃଢ଼ ଓ ପାଲକୁ ବିସ୍ତାର କରି ପାରିଲା ନାହିଁ; ସେତେବେଳେ ବିସ୍ତର ଲୁଟିତ ଦ୍ରବ୍ୟ ବିଭାଗ କରାଗଲା; ଛୋଟା ଲୋକ ଲୁଟିତ ଦ୍ରବ୍ୟ ଧରିଲା ।
\v 24 ପୁଣି, ମୁଁ ପୀଡ଼ିତ ଅଛି ବୋଲି ନିବାସୀଲୋକ କହିବ ନାହିଁ; ତନ୍ନିବାସୀଲୋକମାନଙ୍କର ଅପରାଧ କ୍ଷମା କରାଯିବ ।
\s5
\c 34
\s ଦେଶୀୟଗଣଙ୍କ ବିଚାର
\p
\v 1 ହେ ଦେଶୀୟଗଣ, ନିକଟକୁ ଆସି ଶ୍ରବଣ କର, ହେ ଗୋଷ୍ଠୀଗଣ, ତୁମ୍ଭେମାନେ ମନୋଯୋଗ କର; ପୃଥିବୀ ଓ ତତ୍ପୂର୍ଣ୍ଣତା ଶ୍ରବଣ କରୁ; ଜଗତ ଓ ତଦୁତ୍ପନ୍ନ ସକଳ ପଦାର୍ଥ ଶ୍ରବଣ କରୁ ।
\v 2 କାରଣ ଦେଶୀୟ ସମସ୍ତଙ୍କ ପ୍ରତିକୂଳରେ ସଦାପ୍ରଭୁଙ୍କର କ୍ରୋଧ ଓ ସେମାନଙ୍କର ସମସ୍ତ ସୈନ୍ୟସାମନ୍ତର ପ୍ରତିକୂଳରେ ତାହାଙ୍କର ପ୍ରଚଣ୍ଡ କୋପ ଅଛି; ସେ ସେମାନଙ୍କୁ ସମ୍ପୂର୍ଣ୍ଣ ରୂପେ ବିନାଶ କରିଅଛନ୍ତି, ସେ ସେମାନଙ୍କୁ ହତ ହେବା ନିମନ୍ତେ ସମର୍ପଣ କରିଅଛନ୍ତି ।
\s5
\v 3 ସେମାନଙ୍କର ହତ ଲୋକମାନେ ବାହାରେ ନିକ୍ଷିପ୍ତ ହେବେ, ସେମାନଙ୍କ ଶବରୁ ଦୁର୍ଗନ୍ଧ ଉଠିବ ଓ ସେମାନଙ୍କ ରକ୍ତରେ ପର୍ବତମାନ ତରଳି ଯିବ ।
\v 4 ପୁଣି, ଆକାଶମଣ୍ଡଳର ସୈନ୍ୟ ସମସ୍ତେ କ୍ଷୟ ପାଇବେ ଓ ଗଗନମଣ୍ଡଳ ଲେଖାପତ୍ର ତୁଲ୍ୟ ଗୁଡ଼ା ହେବ; ଆଉ, ଯେପରି ଦ୍ରାକ୍ଷାଲତାର ଜୀର୍ଣ୍ଣପତ୍ର ଓ ଡିମ୍ୱିରି ବୃକ୍ଷର ଜୀର୍ଣ୍ଣପତ୍ର, ସେପରି ସେମାନଙ୍କର ସୈନ୍ୟସାମନ୍ତସବୁ କ୍ଷୟ ପାଇବେ ।
\s5
\v 5 କାରଣ ଆମ୍ଭର ଖଡ଼୍‍ଗ ସ୍ୱର୍ଗରେ ପରିତୃପ୍ତ ରୂପେ ପାନ କରିଅଛି; ଦେଖ, ବିଚାର ସାଧନାର୍ଥେ ତାହା ଇଦୋମର ଓ ଆମ୍ଭର ଅଭିଶପ୍ତ ଲୋକମାନଙ୍କର ଉପରେ ପଡ଼ିବ ।
\v 6 ସଦାପ୍ରଭୁଙ୍କ ଖଡ଼୍‍ଗ ରକ୍ତରେ ପରିତୃପ୍ତ, ମେଦରେ ଓ ଛାଗଗଣର ଗୁର୍ଦାର ମେଦରେ ପୁଷ୍ଟ ହୋଇଅଛି; କାରଣ ବସ୍ରାରେ ସଦାପ୍ରଭୁଙ୍କର ଏକ ଯଜ୍ଞ ଓ ଇଦୋମ ଦେଶରେ ଏକ ମହାହତ୍ୟାକାଣ୍ଡ ହେବ ।
\s5
\v 7 ପୁଣି, ସେମାନଙ୍କ ସଙ୍ଗେ ବନ୍ୟଗୋରୁ, ବୃଷଭ ସଙ୍ଗେ ଯୁବା ବୃଷ ଆସିବେ; ତହିଁରେ ସେମାନଙ୍କ ଦେଶ ରକ୍ତରେ ମତ୍ତ ଓ ସେମାନଙ୍କ ଧୂଳି ମେଦରେ ପୁଷ୍ଟ ହେବ ।
\s5
\v 8 କାରଣ ଏହା ସଦାପ୍ରଭୁଙ୍କର ପ୍ରତିଶୋଧର ଦିନ, ଏହା ସିୟୋନର ବିବାଦ ସମ୍ବନ୍ଧୀୟ ପ୍ରତିଫଳର ବର୍ଷ ।
\v 9 ପୁଣି, ତହିଁର ସ୍ରୋତସବୁ ଝୁଣାରେ, ତହିଁର ଧୂଳି ଗନ୍ଧକରେ ପରିଣତ ହେବ ଓ ତହିଁର ଭୂମି ପ୍ରଜ୍ୱଳିତ ଝୁଣା ହେବ ।
\v 10 ତାହା ଦିବାରାତ୍ର ନିର୍ବାଣ ହେବ ନାହିଁ; ତହିଁର ଧୂମ ସଦାକାଳ ଉଠିବ; ପୁରୁଷାନୁକ୍ରମେ ତାହା ମରୁଭୂମି ହୋଇ ରହିବ; ଅନନ୍ତ କାଳ ତାହାର ମଧ୍ୟ ଦେଇ କେହି ଗମନ କରିବ ନାହିଁ ।
\s5
\v 11 ମାତ୍ର ପାଣିଭେଳା ଓ ଝିଙ୍କ ତାହା ଅଧିକାର କରିବେ; ଆଉ, ପେଚା ଓ ଡାମରାକାଉ ତହିଁ ମଧ୍ୟରେ ବାସ କରିବେ; ପୁଣି, ସେ ତହିଁ ଉପରେ ଅବସ୍ତୁତାରୂପ ମାନରଜ୍ଜୁ ଓ ଶୂନ୍ୟତାରୂପ ଓଳମ ଟାଣିବେ ।
\v 12 ସେମାନେ ତହିଁର କୁଳୀନମାନଙ୍କୁ ରାଜତ୍ୱ କରିବାକୁ ଡାକିବେ; ମାତ୍ର କେହି ସେଠାରେ ନ ଥିବେ ଓ ତହିଁର ଅଧିପତି ସମସ୍ତେ ଲୁପ୍ତ ହେବେ ।
\s5
\v 13 ତହିଁର ଅଟ୍ଟାଳିକାସକଳରେ କଣ୍ଟକ ଓ ତହିଁର ଦୁର୍ଗସବୁରେ ବିଛୁଆତି, କଣ୍ଟକ ଲତା ବଢ଼ିବ, ତାହା ଶୃଗାଳଗଣର ବାସସ୍ଥାନ ଓ ଓଟପକ୍ଷୀଗଣର ଚରାସ୍ଥାନ ହେବ ।
\v 14 ପୁଣି, ସେଠାରେ ବନ୍ୟ ପଶୁଗଣ କେନ୍ଦୁଆମାନଙ୍କ ସଙ୍ଗେ ମିଳିବେ ଓ ଛାଗ ଦେବତା ଆପଣା ସଙ୍ଗୀକୁ ଡାକିବ; ଆହୁରି, ନିଶାଚର ସେଠାରେ ବାସ କରି ବିଶ୍ରାମ ସ୍ଥାନ ପାଇବ ।
\v 15 ସେସ୍ଥାନରେ ଡିଆଁ ସର୍ପ ଆପଣା ବସା କରି ଡିମ୍ବ ଦେବ ଓ ଛୁଆ ଫୁଟାଇ ଆପଣା ଛାୟା ତଳେ ଏକତ୍ର କରିବ; ଆହୁରି, ଚିଲମାନେ ପ୍ରତ୍ୟେକେ ଆପଣା ଆପଣା ସଙ୍ଗିନୀ ସହିତ ସେଠାରେ ଏକତ୍ର ହେବେ ।
\s5
\v 16 ତୁମ୍ଭେମାନେ ସଦାପ୍ରଭୁଙ୍କ ପୁସ୍ତକରୁ ଅନୁସନ୍ଧାନ କରି ପାଠ କର; ଏମାନଙ୍କ ମଧ୍ୟରୁ କେହି ଅନୁପସ୍ଥିତ ହେବ ନାହିଁ, କେହି ଆପଣା ସଙ୍ଗିନୀବିହୀନ ହେବ ନାହିଁ; କାରଣ ମୋ' ମୁଖ ଦ୍ୱାରା ସେ ଏହା ଆଜ୍ଞା କରିଅଛନ୍ତି ଓ ତାହାଙ୍କର ଆତ୍ମା ସେମାନଙ୍କୁ ସଂଗ୍ରହ କରିଅଛି ।
\v 17 ପୁଣି, ସେ ସେମାନଙ୍କ ନିମନ୍ତେ ଗୁଲିବାଣ୍ଟ କରିଅଛନ୍ତି ଓ ତାହାଙ୍କର ହସ୍ତ ପରିମାପକ ରଜ୍ଜୁ ଦ୍ୱାରା ତାହା ବିଭାଗ କରି ସେମାନଙ୍କୁ ଦେଇଅଛି; ସେମାନେ ତାହା ସଦା କାଳ ଅଧିକାର କରିବେ, ସେମାନେ ପୁରୁଷାନୁକ୍ରମେ ତହିଁ ମଧ୍ୟରେ ବାସ କରିବେ ।
\s5
\c 35
\s ପବିତ୍ରତାର ପଥ
\p
\v 1 ପ୍ରାନ୍ତର ଓ ଶୂନ୍ୟସ୍ଥାନ ଆନନ୍ଦିତ ହେବ; ଆଉ, ମରୁଭୂମି ଉଲ୍ଲସିତ ହୋଇ ଗୋଲାପ ତୁଲ୍ୟ ପ୍ରଫୁଲ୍ଲ ହେବ ।
\v 2 ତାହା ଅତିଶୟ ପ୍ରଫୁଲ୍ଲ ହେବ, ପୁଣି ଆନନ୍ଦ ଓ ଗାନ କରି ଉଲ୍ଲସିତ ହେବ; ଲିବାନୋନର ପ୍ରତାପ, କର୍ମିଲ୍‍ ଓ ଶାରୋଣର ଶୋଭା ତାହାକୁ ଦତ୍ତ ହେବ; ସେମାନେ ସଦାପ୍ରଭୁଙ୍କର ପ୍ରତାପ ଓ ଆମ୍ଭମାନଙ୍କ ପରମେଶ୍ୱରଙ୍କର ଶୋଭା ଦେଖିବେ ।
\s5
\v 3 ତୁମ୍ଭେମାନେ ଦୁର୍ବଳ ହସ୍ତକୁ ସବଳ କର ଓ ଥର ଥର ଆଣ୍ଠୁକୁ ସୁସ୍ଥିର କର ।
\v 4 ଭୀତାନ୍ତଃକରଣମାନଙ୍କୁ କୁହ, ସାହସିକ ହୁଅ, ଭୟ କର ନାହିଁ; ଦେଖ, ତୁମ୍ଭମାନଙ୍କ ପରମେଶ୍ୱର ପ୍ରତିଶୋଧ ସହିତ, ପରମେଶ୍ୱରଙ୍କର ପ୍ରତିଫଳ ସହିତ ଆସିବେ; ସେ ଆସି ତୁମ୍ଭମାନଙ୍କର ପରିତ୍ରାଣ କରିବେ ।
\s5
\v 5 ସେତେବେଳେ ଅନ୍ଧମାନଙ୍କର ଚକ୍ଷୁ ପ୍ରସନ୍ନ ହେବ ଓ ବଧିରମାନଙ୍କର କର୍ଣ୍ଣ ମୁକ୍ତ ହେବ ।
\v 6 ସେତେବେଳେ ନେଙ୍ଗଡ଼ା ଲୋକ ହରିଣ ପରି ଡିଆଁ ମାରିବ ଓ ଘୁଙ୍ଗାମାନଙ୍କର ଜିହ୍ୱା ଗାନ କରିବ; କାରଣ ପ୍ରାନ୍ତରରେ ଜଳ ଓ ମରୁଭୂମିରେ ସ୍ରୋତ ବାହାରିବ ।
\v 7 ପୁଣି, ମୃଗତୃଷ୍ଣା ଜଳାଶୟ ହେବ ଓ ଶୁଷ୍କ ଭୂମି ନିର୍ଝରମୟ ହେବ; ଶୃଗାଳମାନଙ୍କର ନିବାସ ମଧ୍ୟରେ, ସେମାନଙ୍କର ଶୟନ ସ୍ଥାନରେ ଘାସ, ନଳ ଓ ତଣ୍ଡିବଣ ହେବ ।
\s5
\v 8 ପୁଣି, ସେଠାରେ ଏକ ରାଜଦାଣ୍ଡ ଓ ପଥ ହେବ, ତାହା ପବିତ୍ରତାର ପଥ ବୋଲି ବିଖ୍ୟାତ ହେବ; ତାହା କେବଳ ସେମାନଙ୍କ ନିମନ୍ତେ ହେବ, ମାତ୍ର କୌଣସି ଅଶୁଚି ଲୋକ ତହିଁ ଉପରେ ଗମନ କରିବ ନାହିଁ; ପଥିକମାନେ ଓ ଅଜ୍ଞାନମାନେ ହେଁ ତହିଁରେ ଭ୍ରାନ୍ତ ହେବେ ନାହିଁ ।
\v 9 ସେଠାରେ କୌଣସି ସିଂହ ନ ଥିବ, କିଅବା କୌଣସି ହିଂସ୍ରକ ଜନ୍ତୁ ତହିଁ ଉପରକୁ ଯିବ ନାହିଁ, ସେମାନେ ସେଠାରେ ଦେଖାଯିବେ ନାହିଁ; ମାତ୍ର ମୁକ୍ତିପ୍ରାପ୍ତ ଲୋକମାନେ ସେଠାରେ ଗମନ କରିବେ;
\s5
\v 10 ପୁଣି, ସଦାପ୍ରଭୁଙ୍କ ନିସ୍ତାରିତ ଲୋକମାନେ ଫେରି ଆସିବେ ଓ ଗାନ କରୁ କରୁ ସିୟୋନରେ ଉପସ୍ଥିତ ହେବେ ଓ ନିତ୍ୟସ୍ଥାୟୀ ଆନନ୍ଦ ସେମାନଙ୍କର ମସ୍ତକର ଭୂଷଣ ହେବ; ସେମାନେ ଆନନ୍ଦ ଓ ଆହ୍ଲାଦପ୍ରାପ୍ତ ହେବେ, ପୁଣି ଶୋକ ଓ ଆର୍ତ୍ତସ୍ୱର ଦୂରକୁ ପଳାଇ ଯିବ ।
\s5
\c 36
\s ଯିହୁଦା ଉପରେ ଅଶୂରର ଆକ୍ରମଣ
\p
\v 1 ହିଜକୀୟ ରାଜାର ଅଧିକାରର ଚତୁର୍ଦ୍ଦଶ ବର୍ଷରେ ଅଶୂରର ରାଜା ସନ୍‍ହେରୀବ ଯିହୁଦାର ପ୍ରାଚୀରବେଷ୍ଟିତ ନଗରସବୁର ବିରୁଦ୍ଧରେ ଆସି ତାହାସବୁ ହସ୍ତଗତ କଲା ।
\v 2 ତହିଁରେ ଅଶୂରର ରାଜା ରବ୍‍ଶାକିକି ମହାସୈନ୍ୟ ସହିତ ଲାଖୀଶ୍‍ଠାରୁ ଯିରୂଶାଲମକୁ ହିଜକୀୟ ରାଜା ନିକଟକୁ ପଠାଇଲା । ଆଉ, ସେ ରଜକର କ୍ଷେତ୍ର ପଥସ୍ଥିତ ଉପର ପୁଷ୍କରିଣୀର ନାଳ ନିକଟରେ ଠିଆ ହେଲା ।
\v 3 ତେବେ ହିଲ୍‍କୀୟର ପୁତ୍ର ଇଲିୟାକୀମ୍‍ ନାମକ ରାଜଗୃହାଧ୍ୟକ୍ଷ, ଶିବ୍‍ନ ଲେଖକ ଓ ଆସଫର ପୁତ୍ର ଯୋୟାହ ନାମକ ଇତିହାସ ଲେଖକ ବାହାର ହୋଇ ତାହା ନିକଟକୁ ଆସିଲେ ।
\s5
\v 4 ତହିଁରେ ରବ୍‍ଶାକି ସେମାନଙ୍କୁ କହିଲା, "ଏବେ ତୁମ୍ଭେମାନେ ହିଜକୀୟକୁ କୁହ, ମହାରାଜ ଅଶୂରର ରାଜା ଏହି କଥା କହନ୍ତି, ତୁମ୍ଭେ ଏହି ଯେଉଁ ବିଶ୍ୱାସ କରୁଅଛ, ତାହା କିରୂପ ବିଶ୍ୱାସ ?
\v 5 ମୁଁ କହୁଅଛି, ଯୁଦ୍ଧ କରିବା ପାଇଁ ତୁମ୍ଭର ମନ୍ତ୍ରଣା ଓ ବଳ କେବଳ ବୃଥା କଥା; ତୁମ୍ଭେ କାହା ଉପରେ ନିର୍ଭର କରି ମୋହର ବିଦ୍ରୋହୀ ହୋଇଅଛ ?
\s5
\v 6 ଦେଖ, ତୁମ୍ଭେ ଏହି ଛେଚାନଳର ଯଷ୍ଟି ରୂପ ମିସର ଉପରେ ନିର୍ଭର କରୁଅଛ; ମାତ୍ର କେହି ତହିଁ ଉପରେ ଆଉଜିଲେ, ତାହା ତାହାର ହାତରେ ପଶି ଫୋଡ଼ି ପକାଇବ; ଯେଉଁମାନେ ମିସ୍ରୀୟ ରାଜା ଫାରୋ ଉପରେ ନିର୍ଭର ରଖନ୍ତି, ସେସମସ୍ତଙ୍କ ପ୍ରତି ସେ ତ ଏହି ପ୍ରକାର ।
\v 7 ମାତ୍ର ଯଦି ତୁମ୍ଭେ ମୋତେ କୁହ, "ଆମ୍ଭେମାନେ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କ ଉପରେ ନିର୍ଭର ରଖୁଅଛୁ; ତେବେ ହିଜକୀୟ ଯାହାଙ୍କ ଉଚ୍ଚସ୍ଥଳୀ ଓ ଯାହାଙ୍କ ଯଜ୍ଞବେଦିସବୁ ଦୂର କରି ଦେଇଅଛି, ଆଉ ଯିହୁଦାକୁ ଓ ଯିରୂଶାଲମକୁ କହିଅଛି, ତୁମ୍ଭେମାନେ ଏହି ଯଜ୍ଞବେଦି ସମ୍ମୁଖରେ ପ୍ରଣାମ କରିବ, ସେ କ'ଣ ସେହି ନୁହନ୍ତି ?"
\s5
\v 8 ଏହେତୁ ମୁଁ ବିନୟ କରୁଅଛି, ମୋ' ପ୍ରଭୁ ଅଶୂରର ରାଜାଙ୍କ ସଙ୍ଗେ ପଣ କର, ମୁଁ ତୁମ୍ଭକୁ ଦୁଇ ହଜାର ଅଶ୍ୱ ଦେବି, ଯଦି ତୁମ୍ଭେ ପାର, ତେବେ ସେମାନଙ୍କ ଉପରେ ଚଢ଼ିବା ପାଇଁ ତୁମ୍ଭ ଆଡ଼ୁ ଲୋକ ଆଣ ।
\s5
\v 9 ତେବେ କିରୂପେ ତୁମ୍ଭେ ମୋ' ପ୍ରଭୁଙ୍କ ଦାସମାନଙ୍କ ମଧ୍ୟରୁ ଏକ କ୍ଷୁଦ୍ରତମ ସେନାପତିକୁ ବିମୁଖ କରି ପାରିବ, ଆଉ ରଥ ଓ ଅଶ୍ୱାରୋହୀ ନିମନ୍ତେ ମିସର ଉପରେ ବିଶ୍ୱାସ କରିବ ?
\v 10 ମୁଁ କ'ଣ ସଦାପ୍ରଭୁଙ୍କ ବିନା ଏହି ସ୍ଥାନ ଧ୍ୱଂସ କରିବାକୁ ଆସିଅଛି ? ସଦାପ୍ରଭୁ ମୋତେ କହିଲେ, ଏହି ଦେଶ ବିରୁଦ୍ଧରେ ଯାଇ ତାହା ଧ୍ୱଂସ କର ।"
\s5
\v 11 ଏଥିରେ ଇଲିୟାକୀମ୍‍, ଶିବ୍‍ନ ଓ ଯୋୟାହ ରବଶାକିକି କହିଲେ, "ବିନୟ କରୁଅଛୁ, ଆପଣ ଅରାମୀୟ ଭାଷାରେ ଆପଣା ଦାସମାନଙ୍କୁ କୁହନ୍ତୁ; କାରଣ ଆମ୍ଭେମାନେ ତାହା ବୁଝୁଅଛୁ; ପୁଣି, ପ୍ରାଚୀରର ଉପରିସ୍ଥ ଲୋକମାନଙ୍କ କର୍ଣ୍ଣଗୋଚରରେ ଆମ୍ଭମାନଙ୍କୁ ଯିହୁଦୀୟ ଭାଷାରେ ନ କୁହନ୍ତୁ ।"
\v 12 ମାତ୍ର ରବ୍‍ଶାକି ସେମାନଙ୍କୁ କହିଲା, ମୋ' ପ୍ରଭୁ କି ତୁମ୍ଭ ପ୍ରଭୁଙ୍କୁ ଓ ତୁମ୍ଭଙ୍କୁ ଏସବୁ କଥା କହିବା ପାଇଁ ମୋତେ ପଠାଇଅଛନ୍ତି ? ଏହି ଯେଉଁ ଲୋକମାନେ ତୁମ୍ଭମାନଙ୍କ ସଙ୍ଗେ ଆପଣା ଆପଣା ବିଷ୍ଠା ଖାଇବାକୁ ଓ ମୂତ୍ର ପିଇବାକୁ ପ୍ରାଚୀର ଉପରେ ବସିଅଛନ୍ତି, ସେମାନଙ୍କ ନିକଟକୁ କ'ଣ ମୋତେ ପଠାଇ ନାହାନ୍ତି ?
\s5
\v 13 ତହୁଁ ରବ୍‍ଶାକି ଠିଆ ହୋଇ ଉଚ୍ଚସ୍ୱରରେ ଯିହୂଦୀୟ ଭାଷାରେ ଏହି କଥା କହିଲା, ତୁମ୍ଭେମାନେ ମହାରାଜ ଅଶୂରର ରାଜାଙ୍କ କଥା ଶୁଣ ।
\v 14 ରାଜା ଏହି କଥା କହନ୍ତି, ତୁମ୍ଭମାନଙ୍କୁ ଭୁଲାଇବା ପାଇଁ ହିଜକୀୟକୁ ଦିଅ ନାହିଁ; କାରଣ ସେ ତୁମ୍ଭମାନଙ୍କୁ ଉଦ୍ଧାର କରିପାରିବ ନାହିଁ;
\v 15 କିଅବା "ସଦାପ୍ରଭୁ ନିଶ୍ଚୟ ଆମ୍ଭମାନଙ୍କୁ ଉଦ୍ଧାର କରିବେ ଓ ଏହି ନଗର ଅଶୂରୀୟ ରାଜାର ହସ୍ତଗତ ହେବ ନାହିଁ," ଏହି କଥା କହି ହିଜକୀୟ ତୁମ୍ଭମାନଙ୍କୁ ସଦାପ୍ରଭୁଙ୍କଠାରେ ବିଶ୍ୱାସ ନ କରାଉ ।
\s5
\v 16 ହିଜକୀୟର କଥା ଶୁଣ ନାହିଁ; କାରଣ ଅଶୂରୀୟ ରାଜା ଏହି କଥା କୁହନ୍ତି, ତୁମ୍ଭେମାନେ ମୋ' ସଙ୍ଗେ ସନ୍ଧି କର ଓ ମୋ' କତିକୁ ବାହାରି ଆସ ଓ ପ୍ରତ୍ୟେକେ ଆପଣା ଆପଣା ଦ୍ରାକ୍ଷାଫଳ ଓ ପ୍ରତ୍ୟେକେ ଆପଣା ଆପଣା ଡିମ୍ୱିରି ଫଳ ଭୋଜନ କର, ଆଉ ପ୍ରତ୍ୟେକେ ଆପଣା ଆପଣା କୂପଜଳ ପାନ କର;
\v 17 ଶେଷରେ ମୁଁ ଆସି ତୁମ୍ଭମାନଙ୍କର ସ୍ୱଦେଶ ତୁଲ୍ୟ ଏକ ଦେଶକୁ, ଅର୍ଥାତ୍‍, ଶସ୍ୟ ଓ ଦ୍ରାକ୍ଷାରସମୟ ଦେଶ, ଆଉ ରୁଟି ଓ ଦ୍ରାକ୍ଷାକ୍ଷେତ୍ରମୟ ଦେଶକୁ ତୁମ୍ଭମାନଙ୍କୁ ନେଇ ଯିବି ।
\s5
\v 18 ସଦାପ୍ରଭୁ ଆମ୍ଭମାନଙ୍କୁ ଉଦ୍ଧାର କରିବେ ବୋଲି କହି ହିଜକୀୟ ଯେପରି ତୁମ୍ଭମାନଙ୍କୁ ନ ମଣାଏ, ଏଥିପାଇଁ ସାବଧାନ ହୁଅ । ନାନା ଗୋଷ୍ଠୀୟମାନଙ୍କର ଦେବତାଗଣ ମଧ୍ୟରୁ କୌଣସି ଦେବତା କ'ଣ ଅଶୂରୀୟ ରାଜା ହସ୍ତରୁ ଆପଣା ଦେଶ ଉଦ୍ଧାର କରିଅଛି ?
\v 19 ହମାତର ଓ ଅର୍ପଦର ଦେବତାମାନେ କାହାନ୍ତି ? ସଫର୍ବୟିମର ଦେବତାମାନେ କାହାନ୍ତି ? ଓ ସେମାନେ କ'ଣ ମୋ' ହସ୍ତରୁ ଶମରୀୟାକୁ ଉଦ୍ଧାର କରିଅଛନ୍ତି ?
\v 20 ଏହିସବୁ ଦେଶର ଦେବତାଗଣ ମଧ୍ୟରୁ କେଉଁ ଦେବତାମାନେ ମୋ' ହସ୍ତରୁ ଆପଣାମାନଙ୍କର ଦେଶ ଉଦ୍ଧାର କରିଅଛନ୍ତି ଯେ, ସଦାପ୍ରଭୁ ମୋ' ହସ୍ତରୁ ଯିରୂଶାଲମକୁ ଉଦ୍ଧାର କରିବେ ?
\s5
\v 21 ମାତ୍ର ଲୋକମାନେ ନୀରବ ହୋଇ ରହିଲେ, ତାହାକୁ ପଦେ ମାତ୍ର ଉତ୍ତର କଲେ ନାହିଁ; କାରଣ ତାହାକୁ ଉତ୍ତର ନ ଦିଅ ବୋଲି ରାଜାର ଆଜ୍ଞା ଥିଲା ।
\v 22 ତହିଁରେ ହିଲ୍‍କୀୟର ପୁତ୍ର ଇଲିୟାକୀମ୍‍ ନାମକ ରାଜଗୃହାଧ୍ୟକ୍ଷ ଓ ଶିବ୍‍ନ ଲେଖକ ଓ ଆସଫର ପୁତ୍ର ଯୋୟାହ ନାମକ ଇତିହାସ ଲେଖକ ଆପଣା ଆପଣା ବସ୍ତ୍ର ଚିରି ହିଜକୀୟ ନିକଟକୁ ଆସି ରବ୍‍ଶାକିର କଥାସବୁ ତାହାକୁ ଜଣାଇଲେ ।
\s5
\c 37
\s ହିଜକୀୟଙ୍କୁ ଯିଶାଇୟଙ୍କ ପରାମର୍ଶ
\p
\v 1 ଏଥିରେ ହିଜକୀୟ ରାଜା ତାହା ଶୁଣନ୍ତେ, ଆପଣା ବସ୍ତ୍ର ଚିରି ଓ ଅଖା ଘୋଡ଼ାଇ ହୋଇ ସଦାପ୍ରଭୁଙ୍କ ଗୃହକୁ ଗଲା ।
\v 2 ପୁଣି, ସେ ରାଜଗୃହାଧ୍ୟକ୍ଷ ଇଲିୟାକୀମ୍‍କୁ, ଶୀବ୍‍ନ ଲେଖକଙ୍କୁ ଓ ଯାଜକମାନଙ୍କର ପ୍ରାଚୀନବର୍ଗଙ୍କୁ ଅଖା ଘୋଡ଼ାଇ ଆମୋସଙ୍କ ପୁତ୍ର ଯିଶାଇୟ ଭବିଷ୍ୟଦ୍‍ବକ୍ତାଙ୍କ ନିକଟକୁ ପଠାଇଲା ।
\s5
\v 3 ତହିଁରେ ସେମାନେ ତାଙ୍କୁ କହିଲେ, "ହିଜକୀୟ ଏହିପରି କହିଅଛନ୍ତି, ଆଜ ଦିନ ଆପଦ, ଅନୁଯୋଗ ଓ ଅପମାନର ଦିନ; କାରଣ ସନ୍ତାନଗଣ ପ୍ରସବଦ୍ୱାରରେ ଉପସ୍ଥିତ, ମାତ୍ର ପ୍ରସବ କରିବାକୁ ଶକ୍ତି ନାହିଁ ।
\v 4 ହୋଇପାରେ, ଜୀବିତ ପରମେଶ୍ୱରଙ୍କୁ ଧିକ୍‍କାର କରିବା ପାଇଁ ଆପଣା ପ୍ରଭୁ ଅଶୂରୀୟ ରାଜା ଦ୍ୱାରା ପ୍ରେରିତ ରବଶାକିର ସମସ୍ତ କଥା ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଶୁଣିବେ, ପୁଣି ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଯେଉଁ କଥା ଶୁଣିଅଛନ୍ତି, ତହିଁ ଲାଗି ଅନୁଯୋଗ କରିବେ; ଏହେତୁ ଯେଉଁ ଅବଶିଷ୍ଟାଂଶ ଅଛନ୍ତି, ସେମାନଙ୍କ ନିମନ୍ତେ ତୁମ୍ଭେ ପ୍ରାର୍ଥନା କର ।"
\s5
\v 5 ଏହିରୂପେ ହିଜକୀୟ ରାଜାର ଦାସମାନେ ଯିଶାଇୟଙ୍କ ନିକଟରେ ଉପସ୍ଥିତ ହେଲେ ।
\v 6 ତହିଁରେ ଯିଶାଇୟ ସେମାନଙ୍କୁ କହିଲେ, "ତୁମ୍ଭେମାନେ ଆପଣା ପ୍ରଭୁଙ୍କୁ ଏହିପରି କହିବ, ସଦାପ୍ରଭୁ କହନ୍ତି, ଅଶୂରୀୟ ରାଜାର ଦାସମାନେ ଆମ୍ଭଙ୍କୁ ନିନ୍ଦା କରିବାର ଯେଉଁ କଥା ତୁମ୍ଭେ ଶୁଣିଅଛ, ତହିଁରେ ଭୀତ ହୁଅ ନାହିଁ ।
\v 7 ଦେଖ, ଆମ୍ଭେ ତାହା ମଧ୍ୟରେ ଏକ ଆତ୍ମା ଦେବା, ପୁଣି ସେ କୌଣସି ଜନରବ ଶୁଣି ଆପଣା ଦେଶକୁ ଫେରିଯିବ; ଆଉ, ଆମ୍ଭେ ତାହାର ନିଜ ଦେଶରେ ଖଡ଼୍‍ଗ ଦ୍ୱାରା ତାହାକୁ ନିପାତ କରିବା ।"
\s5
\v 8 ଏଥିଉତ୍ତାରେ ଅଶୂରୀୟ ରାଜା ଲାଖୀଶ୍‍ଠାରୁ ପ୍ରସ୍ଥାନ କରିଅଛି ବୋଲି ରବ୍‍ଶାକି ଶୁଣି ଫେରିଗଲା ଓ ତାହାକୁ ଲିବ୍‍ନା ବିରୁଦ୍ଧରେ ଯୁଦ୍ଧ କରୁଥିବାର ଦେଖିଲା ।
\v 9 ପୁଣି, ଅଶୂରୀୟ ରାଜା କୂଶଦେଶୀୟ ତିର୍ହକ ରାଜା ବିଷୟରେ ଏହି କଥା ଶୁଣିଲା ଯେ, ସେ ତୁମ୍ଭ ବିରୁଦ୍ଧରେ ଯୁଦ୍ଧ କରିବାକୁ ଆସିଅଛି; ଏହା ଶୁଣି ସେ ହିଜକୀୟ ନିକଟକୁ ଦୂତଗଣ ପଠାଇ କହିଲା,
\v 10 "ତୁମ୍ଭେମାନେ ଯିହୁଦାର ରାଜା ହିଜକୀୟକୁ ଏହି କଥା କହିବ, ଯିରୂଶାଲମ ଅଶୂରୀୟ ରାଜାର ହସ୍ତଗତ ହେବ ନାହିଁ, ଏହି କଥା କହି ତୁମ୍ଭର ବିଶ୍ୱାସ-ଭୂମି ପରମେଶ୍ୱର ତୁମ୍ଭକୁ ନ ଭୁଲାଉନ୍ତୁ ।"
\s5
\v 11 ଦେଖ, ଅଶୂରୀୟ ରାଜାମାନେ ନିଃଶେଷ ରୂପେ ବିନାଶ କରିବା ଦ୍ୱାରା ସମୁଦାୟ ଦେଶ ପ୍ରତି ଯାହା କରିଅଛନ୍ତି, ତାହା ତୁମ୍ଭେ ଶୁଣିଅଛ; ଆଉ, ତୁମ୍ଭେ କ'ଣ ଉଦ୍ଧାର ପାଇବ ?
\v 12 ମୋ' ପିତୃଲୋକମାନେ ଯେଉଁ ଗୋଶନ, ହାରୋଣ, ରେତ୍‍ସଫ ଦେଶୀୟମାନଙ୍କୁ ଓ ତଳଃସର ନିବାସୀ ଏଦନସନ୍ତାନମାନଙ୍କୁ ବିନାଶ କଲେ, ସେମାନଙ୍କର ଦେବତାମାନେ କ'ଣ ସେମାନଙ୍କୁ ଉଦ୍ଧାର କଲେ ?
\v 13 ହମାତର ରାଜା, ଅର୍ପଦର ରାଜା, ସଫର୍ବୟିମ ନଗରର, ହେନାର ଓ ଅବ୍‍ବାର ରାଜା କାହାନ୍ତି ?
\s ହିଜକୀୟଙ୍କ ପ୍ରାର୍ଥନା
\p
\s5
\v 14 ତହିଁରେ ହିଜକୀୟ ଦୂତଗଣର ହସ୍ତରୁ ପତ୍ର ଗ୍ରହଣ କରି ତାହା ପାଠ କଲା; ଆଉ, ହିଜକୀୟ ସଦାପ୍ରଭୁଙ୍କ ଗୃହକୁ ଯାଇ ସଦାପ୍ରଭୁଙ୍କ ସମ୍ମୁଖରେ ତାହା ମେଲାଇଲା ।
\v 15 ଆଉ, ହିଜକୀୟ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରି କହିଲା,
\v 16 "ହେ କିରୂବଗଣ ଉପରେ ଉପବିଷ୍ଟ ସୈନ୍ୟାଧିପତି ସଦାପ୍ରଭୁ, ଇସ୍ରାଏଲର ପରମେଶ୍ୱର, ତୁମ୍ଭେ, କେବଳ ତୁମ୍ଭେ ପୃଥିବୀସ୍ଥ ସମୁଦାୟ ରାଜ୍ୟର ପରମେଶ୍ୱର ଅଟ; ତୁମ୍ଭେ ସ୍ୱର୍ଗ ଓ ପୃଥିବୀ ନିର୍ମାଣ କରିଅଛ ।
\s5
\v 17 ହେ ସଦାପ୍ରଭୁ, ଆପଣା କର୍ଣ୍ଣ ଡେରି ଶୁଣ; ହେ ସଦାପ୍ରଭୁ, ଆପଣା ଚକ୍ଷୁ ଫିଟାଇ ଦେଖ; ପୁଣି, ଜୀବିତ ପରମେଶ୍ୱରଙ୍କୁ ଧିକ୍‍କାର କରିବା ପାଇଁ ସନ୍‍ହେରୀବ ଯାହା କହି ପଠାଇଅଛି, ତାହାର ସେହିସବୁ କଥା ଶୁଣ ।
\v 18 ହେ ସଦାପ୍ରଭୁ, ଅଶୂରୀୟ ରାଜାମାନେ ସର୍ବଦେଶୀୟ ଲୋକମାନଙ୍କୁ, ସେମାନଙ୍କର ଦେଶକୁ ଉଚ୍ଛିନ୍ନ କରିଅଛନ୍ତି
\s5
\v 19 ଓ ସେମାନଙ୍କର ଦେବତାଗଣକୁ ଅଗ୍ନିରେ ନିକ୍ଷେପ କରିଅଛନ୍ତି, ଏହା ସତ୍ୟ; କାରଣ ସେମାନେ ପରମେଶ୍ୱର ନୁହନ୍ତି, ମନୁଷ୍ୟର ହସ୍ତକୃତ କର୍ମ, କାଷ୍ଠ ଓ ପ୍ରସ୍ତର ମାତ୍ର; ଏହେତୁ ସେମାନେ ସେମାନଙ୍କୁ ବିନାଶ କରିଅଛନ୍ତି ।
\v 20 ଏଣୁ ଏବେ, ହେ ସଦାପ୍ରଭୁ, ଆମ୍ଭମାନଙ୍କ ପରମେଶ୍ୱର, ତାହାର ହସ୍ତରୁ ଆମ୍ଭମାନଙ୍କୁ ଉଦ୍ଧାର କର, ତହିଁରେ ତୁମ୍ଭେ, କେବଳ ତୁମ୍ଭେ ଯେ ସଦାପ୍ରଭୁ ଅଟ, ଏହା ପୃଥିବୀସ୍ଥ ସମୁଦାୟ ରାଜ୍ୟ ଜାଣିବେ ।"
\s ସନ୍‍ହେରୀବର ପତନ
\p
\s5
\v 21 ଏଉତ୍ତାରେ ଆମୋସଙ୍କ ପୁତ୍ର ଯିଶାଇୟ ହିଜକୀୟ ନିକଟକୁ କହି ପଠାଇଲେ, ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, "ତୁମ୍ଭେ ଅଶୂରର ରାଜା ସନ୍‍ହେରୀବ ବିରୁଦ୍ଧରେ ଆମ୍ଭ ନିକଟରେ ପ୍ରାର୍ଥନା କରିବାରୁ,
\v 22 ସଦାପ୍ରଭୁ ତାହା ବିଷୟରେ ଏହି କଥା କହିଅଛନ୍ତି; ସିୟୋନର ଅନୂଢ଼ା କନ୍ୟା ତୁମ୍ଭକୁ ତୁଚ୍ଛ କରିଅଛି ଓ ତୁମ୍ଭକୁ ପରିହାସ କରିଅଛି; ଯିରୂଶାଲମର କନ୍ୟା ତୁମ୍ଭ ଆଡ଼େ ମୁଣ୍ଡ ହଲାଇଅଛି ।
\v 23 ତୁମ୍ଭେ କାହାକୁ ଧିକ୍‍କାର ଓ ନିନ୍ଦା କରିଅଛ ? ଓ ତୁମ୍ଭେ କାହା ବିରୁଦ୍ଧରେ ଆପଣା ରବ ଉଚ୍ଚ କରିଅଛ ଓ ଆପଣା ଚକ୍ଷୁ ଉର୍ଦ୍ଧ୍ୱକୁ ଉଠାଇଅଛ ? ଇସ୍ରାଏଲର ଧର୍ମସ୍ୱରୂପଙ୍କ ବିରୁଦ୍ଧରେ ତ ।
\s5
\v 24 ତୁମ୍ଭେ ଆପଣା ଦାସଗଣ ଦ୍ୱାରା ପ୍ରଭୁଙ୍କୁ ଧିକ୍‍କାର କରିଅଛ ଓ କହିଅଛ, ଆମ୍ଭେ ଆପଣା ଅପାର ରଥରେ ପର୍ବତଗଣର ଉର୍ଦ୍ଧ୍ୱକୁ ଲିବାନୋନର ଅଭ୍ୟନ୍ତରକୁ ଆସିଅଛୁ: ଆଉ, ଆମ୍ଭେ ତହିଁର ଉଚ୍ଚ ଏରସ ବୃକ୍ଷ ଓ ତହିଁର ଉତ୍କୃଷ୍ଟ ଦେବଦାରୁ ବୃକ୍ଷସବୁ କାଟି ପକାଇବା; ପୁଣି, ଆମ୍ଭେ ତାହାର ଦୂରବର୍ତ୍ତୀ ଉଚ୍ଚ ସ୍ଥାନରେ ଓ ତାହାର ଫଳପୂର୍ଣ୍ଣ କ୍ଷେତ୍ରରୂପ ଅରଣ୍ୟରେ ପ୍ରବେଶ କରିବା ।
\v 25 ଆମ୍ଭେ ଖୋଳି ଜଳ ପାନ କରିଅଛୁ, ଆଉ ଆମ୍ଭେ ଆପଣା ପଦତଳରେ ମିସରର ନଦୀସବୁ ଶୁଷ୍କ କରିବା ।
\s5
\v 26 କିପରି ଆମ୍ଭେ ଦୀର୍ଘ କାଳରୁ ଏହା ନିରୂପଣ କରିଅଛୁ ଓ ପୂର୍ବକାଳରୁ ଏହା ସ୍ଥିର କରିଅଛୁ, ଏହା କ'ଣ ତୁମ୍ଭେ ଶୁଣି ନାହଁ ? ତୁମ୍ଭେ ଯେ ପ୍ରାଚୀରବେଷ୍ଟିତ ନଗରମାନ ବିନାଶ କରି ସେସବୁକୁ ଢିପି କରିବ, ଏହା ଏବେ ଆମ୍ଭେ ସଫଳ କରିଅଛୁ ।
\v 27 ଏହେତୁ ତନ୍ନିବାସୀମାନେ ଅଳ୍ପ ଶକ୍ତିବିଶିଷ୍ଟ ହେଲେ, ସେମାନେ ହତାଶ ଓ ଉଦ୍‍ବିଗ୍ନ ହେଲେ; ସେମାନେ କ୍ଷେତ୍ରର ଘାସ ଓ ନବୀନ ତୃଣ, ଗୃହଛାତର ଉପରିସ୍ଥ ଘାସ ଓ ଅପକ୍ୱ ଶସ୍ୟକ୍ଷେତ୍ର ତୁଲ୍ୟ ହେଲେ ।
\s5
\v 28 ମାତ୍ର ତୁମ୍ଭର ବସିବାର, ବାହାରେ ଯିବାର, ଭିତରେ ଆସିବାର ଓ ଆମ୍ଭ ବିରୁଦ୍ଧରେ କ୍ରୋଧ କରିବାର ଆମ୍ଭେ ଜାଣୁ ।
\v 29 ତୁମ୍ଭେ ଆମ୍ଭ ବିରୁଦ୍ଧରେ କ୍ରୋଧ କରିଅଛ ଓ ତୁମ୍ଭର ଦର୍ପ କଥା ଆମ୍ଭ କର୍ଣ୍ଣରେ ଉପସ୍ଥିତ ହୋଇଅଛି, ଏଥିପାଇଁ ଆମ୍ଭେ ତୁମ୍ଭ ନାସିକାରେ ଆପଣା ଅଙ୍କୁଶ ଓ ତୁମ୍ଭ ଓଷ୍ଠରେ ଆପଣା ଲଗାମ ଦେବା, ପୁଣି ତୁମ୍ଭେ ଯେଉଁ ବାଟରେ ଆସିଲ, ସେହି ବାଟରେ ଆମ୍ଭେ ତୁମ୍ଭକୁ ଫେରାଇ ଦେବା ।"
\s5
\v 30 ଏଣୁ (ହେ ହିଜକୀୟ,) ତୁମ୍ଭ ପ୍ରତି ଏହି ଚିହ୍ନ ହେବ; ତୁମ୍ଭେମାନେ ଏହି ବର୍ଷ ସ୍ୱୟଂ ଉତ୍ପନ୍ନ ଶସ୍ୟ ଓ ଦ୍ୱିତୀୟ ବର୍ଷ ତହିଁରୁ ଅଙ୍କୁରିତ ଶସ୍ୟ ଭୋଜନ କରିବ; ପୁଣି, ତୃତୀୟ ବର୍ଷ ବୀଜ ବୁଣି ଶସ୍ୟ କାଟିବ ଓ ଦ୍ରାକ୍ଷାକ୍ଷେତ୍ର କରି ତହିଁର ଫଳ ଭୋଗ କରିବ ।
\s5
\v 31 ପୁଣି, ଯିହୁଦା ବଂଶର ରକ୍ଷାପ୍ରାପ୍ତ ଅବଶିଷ୍ଟ ଲୋକମାନେ ପୁନର୍ବାର ତଳକୁ ଚେର ମାଡ଼ିବେ ଓ ଉପରେ ଫଳ ଫଳିବେ ।
\v 32 କାରଣ ଯିରୂଶାଲମରୁ ଏକ ଅବଶିଷ୍ଟାଂଶ ଲୋକେ ଓ ରକ୍ଷାପ୍ରାପ୍ତ ଲୋକେ ସିୟୋନ ପର୍ବତରୁ ବାହାରିବେ; ସୈନ୍ୟାଧିପତି ସଦାପ୍ରଭୁଙ୍କର ଉଦ୍‍ଯୋଗ ଏହା ସିଦ୍ଧ କରିବ ।
\s5
\v 33 ଏହେତୁ ସଦାପ୍ରଭୁ ଅଶୂରୀୟ ରାଜା ବିଷୟରେ ଏହି କଥା କହନ୍ତି, "ସେ ଏହି ନଗରକୁ ଆସିବ ନାହିଁ, ଅବା ସେଠାରେ ତୀର ମାରିବ ନାହିଁ, କିଅବା ତହିଁ ସମ୍ମୁଖକୁ ଢାଲ ଧରି ଆସିବ ନାହିଁ, ଅଥବା ତହିଁ ବିରୁଦ୍ଧରେ ବନ୍ଧ ବାନ୍ଧିବ ନାହିଁ ।
\v 34 ସଦାପ୍ରଭୁ କହନ୍ତି, ସେ ଯେଉଁ ବାଟରେ ଆସିଲା, ସେହି ବାଟରେ ଫେରିଯିବ ଓ ସେ ଏହି ନଗରକୁ ଆସିବ ନାହିଁ ।
\s5
\v 35 କାରଣ ଆମ୍ଭେ ଆପଣା ସକାଶୁ ଓ ଆମ୍ଭ ଦାସ ଦାଉଦ ସକାଶୁ ଏହି ନଗରକୁ ରକ୍ଷା କରିବା ପାଇଁ ସପକ୍ଷ ହେବା ।"
\s5
\v 36 ଏଥିଉତ୍ତାରେ ସଦାପ୍ରଭୁଙ୍କ ଦୂତ ବାହାରି ଅଶୂରୀୟମାନଙ୍କ ଛାଉଣିରେ ଏକ ଲକ୍ଷ ପଞ୍ଚାଶୀ ସହସ୍ର ଲୋକ ସଂହାର କଲେ; ପୁଣି, ଲୋକମାନେ ଅତି ପ୍ରଭାତରେ ଉଠନ୍ତେ, ଦେଖ, ସମସ୍ତେ ମୃତ ଶବ ।
\v 37 ତହିଁରେ ଅଶୂରର ରାଜା ସନ୍‍ହେରୀବ ପ୍ରସ୍ଥାନ କଲା ଓ ଫେରିଯାଇ ନୀନିବୀରେ ବାସ କଲା ।
\s5
\v 38 ଏଉତ୍ତାରେ ସେ ଆପଣାର ନିଷ୍ରୋକ ନାମକ ଦେବତାର ଗୃହରେ ପୂଜା କରିବା ବେଳେ ଅଦ୍ରମ୍ମେଲକ୍‍ ଓ ଶରେତ୍‍ସର ନାମକ ତାହାର ଦୁଇ ପୁତ୍ର ତାହାକୁ ଖଡ଼୍‍ଗରେ ବଧ କଲେ । ତହୁଁ ସେମାନେ ଅରାରଟ ଦେଶକୁ ପଳାୟନ କଲେ । ପୁଣି, ତାହାର ପୁତ୍ର ଏସର୍‍ହଦ୍ଦୋନ ତାହାର ପଦରେ ରାଜ୍ୟ କଲା ।
\s5
\c 38
\s ହିଜକୀୟଙ୍କ ଅସୁସ୍ଥତା ଓ ଆରୋଗ୍ୟ ଲାଭ
\p
\v 1 ସେହି ସମୟରେ ହିଜକୀୟର ସାଂଘାତିକ ପୀଡ଼ା ହୋଇଥିଲା । ତହିଁରେ ଆମୋସଙ୍କ ପୁତ୍ର ଯିଶାଇୟ ଭବିଷ୍ୟଦ୍‍ବକ୍ତା ତାହା ନିକଟକୁ ଆସି କହିଲେ, "ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେ ଆପଣା ଗୃହ ବିଷୟ ସଜାଡ଼; କାରଣ ତୁମ୍ଭେ ମରିବ, ବଞ୍ଚିବ ନାହିଁ ।"
\v 2 ଏଥିରେ ହିଜକୀୟ କାନ୍ଥଆଡ଼େ ମୁଖ ଫେରାଇ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରି କହିଲା,
\v 3 "ହେ ସଦାପ୍ରଭୁ, ମୁଁ ବିନୟ କରୁଅଛି, ମୁଁ କିପରି ସତ୍ୟତାରେ ଓ ସିଦ୍ଧ ଅନ୍ତଃକରଣରେ ତୁମ୍ଭ ସମ୍ମୁଖରେ ଗମନାଗମନ କରିଅଛି ଓ ତୁମ୍ଭ ଦୃଷ୍ଟିରେ ଉତ୍ତମ କର୍ମ କରିଅଛି, ଏହା ଏବେ ସ୍ମରଣ କର ।" ଆଉ, ହିଜକୀୟ ଅତିଶୟ ରୋଦନ କଲା ।
\s5
\v 4 ସେତେବେଳେ ଯିଶାଇୟଙ୍କ ନିକଟରେ ସଦାପ୍ରଭୁଙ୍କର ବାକ୍ୟ ଉପସ୍ଥିତ ହେଲା ।
\v 5 ତୁମ୍ଭେ ଯାଇ ହିଜକୀୟକୁ କୁହ, ସଦାପ୍ରଭୁ, ତୁମ୍ଭ ପୂର୍ବପୁରୁଷ ଦାଉଦଙ୍କ ପରମେଶ୍ୱର ଏହି କଥା କହନ୍ତି, "ଆମ୍ଭେ ତୁମ୍ଭର ପ୍ରାର୍ଥନା ଶୁଣିଅଛୁ, ତୁମ୍ଭର ଲୋତକ ଦେଖିଅଛୁ, ଦେଖ, ଆମ୍ଭେ ତୁମ୍ଭର ଆୟୁ ପନ୍ଦର ବର୍ଷ ବୃଦ୍ଧି କରିବା ।
\v 6 ପୁଣି, ଆମ୍ଭେ ତୁମ୍ଭକୁ ଓ ଏହି ନଗରକୁ ଅଶୂରୀୟ ରାଜା ହସ୍ତରୁ ରକ୍ଷା କରିବା ଓ ଆମ୍ଭେ ଏହି ନଗରର ସପକ୍ଷ ହେବା ।
\s5
\v 7 ଆଉ, ସଦାପ୍ରଭୁ ଆପଣା ଉକ୍ତ ବାକ୍ୟ ଯେ ସଫଳ କରିବେ, ତୁମ୍ଭ ପ୍ରତି ସଦାପ୍ରଭୁଙ୍କଠାରୁ ଏହି ଚିହ୍ନ ହେବ;
\v 8 ଦେଖ, ଆମ୍ଭେ ଆହସ୍‌ର ସୂର୍ଯ୍ୟ ଘଟିକାରେ ସୂର୍ଯ୍ୟର ଛାୟା ଯେତେ ଆଗକୁ ଯାଇଅଛି, ତାହା ଦଶ ପାହୁଣ୍ଡ ପଛକୁ ଫେରାଇ ଆଣିବା ।" ତହୁଁ ଘଟିକାରେ ସୂର୍ଯ୍ୟ ଯେଉଁ ଦଶ ପାହୁଣ୍ଡ ଆଗକୁ ଯାଇଥିଲା, ପଛକୁ ସେତିକି ଫେରି ଆସିଲା ।
\s5
\v 9 ଯିହୁଦାର ରାଜା ହିଜକୀୟ ପୀଡ଼ିତ ହୋଇ ଆପଣା ପୀଡ଼ାରୁ ସୁସ୍ଥ ହେଲା ଉତ୍ତାରେ ଏହା ଲେଖିଲା, ଯଥା,
\v 10 ମୁଁ କହିଲି, "ମୁଁ ଆପଣା ଆୟୁର ମଧ୍ୟାହ୍ନ ସମୟରେ ପାତାଳର ପୁରଦ୍ୱାରରେ ପ୍ରବେଶ କରିବି; ମୁଁ ଆପଣା ବର୍ଷସମୂହର ଅବଶିଷ୍ଟାଂଶ ପ୍ରାପ୍ତିରୁ ବଞ୍ଚିତ ହେଲି ।
\v 11 ମୁଁ କହିଲି ମୁଁ ସଦାପ୍ରଭୁଙ୍କୁ, ଜୀବିତମାନଙ୍କ ଦେଶରେ ସଦାପ୍ରଭୁଙ୍କୁ ଦେଖିବି ନାହିଁ; ମୁଁ ଜଗନ୍ନିବାସୀମାନଙ୍କ ସହିତ ମନୁଷ୍ୟକୁ ଆଉ ଦେଖିବି ନାହିଁ ।
\s5
\v 12 ମୋହର ଆୟୁ ଦୂରୀକୃତ ହୋଇଅଛି ଓ ମେଷପାଳକର ତମ୍ବୁ ପରି ମୋ'ଠାରୁ ସ୍ଥାନାନ୍ତରିତ ହୋଇଅଛି; ମୁଁ ତନ୍ତୀ ପରି ଆପଣା ଜୀବନ ଗୁଡ଼ାଇଅଛି; ସେ ମୋତେ ତନ୍ତରୁ କାଟି ପକାଇବେ; ଏକ ଦିବାରାତ୍ର ମଧ୍ୟରେ ସେ ମୋତେ ଶେଷ କରିବେ ।
\v 13 ମୁଁ ପ୍ରଭାତ ପର୍ଯ୍ୟନ୍ତ ଆପଣାକୁ ସୁସ୍ଥିର କଲି; ଯେପରି ସିଂହ, ସେପରି ସେ ମୋହର ଅସ୍ଥିସବୁ ଚୂର୍ଣ୍ଣ କରୁଅଛନ୍ତି; ଏକ ଦିବାରାତ୍ର ମଧ୍ୟରେ ତୁମ୍ଭେ ମୋତେ ଶେଷ କରିବ ।
\s5
\v 14 ଯେପରି ତାଳଚୋଞ୍ଚ ଅବା ସାରସ ପକ୍ଷୀ ଶବ୍ଦ କରନ୍ତି, ସେପରି ମୁଁ ଚିଁ ଚିଁ ଶବ୍ଦ କଲି; ମୁଁ କପୋତ ପରି ଶୋକ କଲି; ଉପରକୁ ଅନାଇ ଅନାଇ ମୋହର ଚକ୍ଷୁ କ୍ଷୀଣ ହେଉଅଛି; ହେ ସଦାପ୍ରଭୁ, ମୁଁ ଉପଦ୍ରବଗ୍ରସ୍ତ, ତୁମ୍ଭେ ମୋହର ଲଗା ହୁଅ ।
\v 15 ମୁଁ କଅଣ କହିବି ? ସେ ତ ମୋତେ କହିଅଛନ୍ତି, ମଧ୍ୟ ଆପେ ତାହା ସାଧନ କରିଅଛନ୍ତି; ମୁଁ ଆପଣା ପ୍ରାଣର ତିକ୍ତତା ସକାଶୁ ଆପଣାର ସବୁ ବର୍ଷଯାକ ଧୀରେ ଧୀରେ ଗମନ କରିବି ।
\s5
\v 16 ହେ ପ୍ରଭୁ, ଏହିସବୁ ଦ୍ୱାରା ଲୋକେ ବଞ୍ଚନ୍ତି, ଆଉ ତହିଁରେ ହିଁ ସମ୍ପୂର୍ଣ୍ଣ ରୂପେ ମୋ' ଆତ୍ମାର ଜୀବନ ଅଛି, ଏହେତୁ ତୁମ୍ଭେ ମୋତେ ସୁସ୍ଥ କରି ସଜୀବ କର ।
\v 17 ଦେଖ, ମୁଁ ଆପଣାର ଶାନ୍ତି ନିମନ୍ତେ ବଡ଼ ଦୁଃଖ ପାଇଲି; ମାତ୍ର ତୁମ୍ଭେ ମୋ' ପ୍ରାଣ ପ୍ରତି ପ୍ରେମ କରି ବିନାଶକୂପରୁ ତାହାକୁ ଉଦ୍ଧାର କଲ; କାରଣ ତୁମ୍ଭେ ଆପଣା ପଛଆଡ଼େ ମୋହର ପାପସବୁ ପକାଇ ଦେଇଅଛ ।
\s5
\v 18 ଯେହେତୁ ପାତାଳ ତୁମ୍ଭର ପ୍ରଶଂସା କରି ନ ପାରେ, ମୃତ୍ୟୁ ତୁମ୍ଭର ଗୁଣ କୀର୍ତ୍ତନ କରି ନ ପାରେ; ଗର୍ତ୍ତଗାମୀମାନେ ତୁମ୍ଭର ସତ୍ୟତା ପାଇଁ ପ୍ରତ୍ୟାଶା କରି ନ ପାରନ୍ତି ।
\v 19 ଯେପରି ଆଜି ମୁଁ କରୁଅଛି, ସେପରି ଜୀବିତ ଲୋକ, କେବଳ ଜୀବିତ ଲୋକ ତୁମ୍ଭର ପ୍ରଶଂସା କରିବ; ପିତା ସନ୍ତାନଗଣକୁ ତୁମ୍ଭର ସତ୍ୟତା ଜ୍ଞାତ କରାଇବ ।
\s5
\v 20 ସଦାପ୍ରଭୁ ମୋହର ପରିତ୍ରାଣ କରିବାକୁ ଉଦ୍ୟତ; ଏହେତୁ ଆମ୍ଭେମାନେ ଜୀବନ ଯାଏ ସଦାପ୍ରଭୁଙ୍କ ଗୃହରେ ତାରଯୁକ୍ତ ଯନ୍ତ୍ର ସହିତ ମୋହର ସଙ୍ଗୀତ ଗାନ କରିବୁ ।"
\s5
\v 21 ଯିଶାଇୟ କହିଥିଲେ, "ସେମାନେ ଡିମ୍ୱିରି ଚକ୍ତି ନେଇ ସ୍ପୋଟକ ଉପରେ ଦେଉନ୍ତୁ, ତହିଁରେ ସେ ସୁସ୍ଥ ହେବ ।"
\v 22 ହିଜକୀୟ ମଧ୍ୟ କହିଥିଲା, "ମୁଁ ଯେ ସଦାପ୍ରଭୁଙ୍କ ଗୃହକୁ ଯିବି, ଏଥିର ଚିହ୍ନ କଅଣ ?"
\s5
\c 39
\s ବାବିଲର ଦୂତ
\p
\v 1 ସେସମୟରେ ବଲ୍‍ଦନ୍‍ର ପୁତ୍ର ବାବିଲରାଜ ମରୋଦକ୍‍-ବଲ୍‍ଦନ୍‍ ହିଜକୀୟ ନିକଟକୁ ପତ୍ରମାନ ଓ ଦର୍ଶନୀ ପଠାଇଲା; କାରଣ ତାହାର ପୀଡ଼ିତ ହେବାର ଓ ସୁସ୍ଥ ହେବାର ସମ୍ବାଦ ସେ ଶୁଣିଥିଲା ।
\v 2 ତହିଁରେ ହିଜକୀୟ ସେମାନଙ୍କ ପ୍ରତି ସନ୍ତୁଷ୍ଟ ହୋଇ ଆପଣାର ବହୁମୂଲ୍ୟ ପଦାର୍ଥର ଗୃହ, ରୂପା, ସୁନା, ସୁଗନ୍ଧିଦ୍ରବ୍ୟ, ବହୁମୂଲ୍ୟ ତୈଳ ଓ ଆପଣା ଅସ୍ତ୍ରାଗାର ଓ ଆପଣା ଭଣ୍ଡାରସ୍ଥିତ ସମସ୍ତ ଦ୍ରବ୍ୟ ସେମାନଙ୍କୁ ଦେଖାଇଲା; ହିଜକୀୟ ଯାହା ସେମାନଙ୍କୁ ନ ଦେଖାଇଲା, ଏପରି କୌଣସି ଦ୍ରବ୍ୟ ତାହାର ଗୃହରେ କିମ୍ବା ତାହାର ସମୁଦାୟ ରାଜ୍ୟରେ ନ ଥିଲା ।
\s5
\v 3 ସେତେବେଳେ ଯିଶାଇୟ ଭବିଷ୍ୟଦ୍‍ବକ୍ତା ହିଜକୀୟ ରାଜା ନିକଟକୁ ଆସି ତାହାକୁ କହିଲେ, "ଏହି ଲୋକମାନେ କଅଣ କହିଲେ ? ସେମାନେ କେଉଁଠାରୁ ତୁମ୍ଭ ନିକଟକୁ ଆସିଲେ ?" ତହିଁରେ ହିଜକୀୟ କହିଲା, "ସେମାନେ ଦୂର ଦେଶ ବାବିଲରୁ ମୋ' ନିକଟକୁ ଆସିଅଛନ୍ତି ।"
\v 4 ଏଥିରେ ସେ ପଚାରିଲେ, "ସେମାନେ ତୁମ୍ଭ ଗୃହରେ କଅଣ ଦେଖିଅଛନ୍ତି ?" ତହୁଁ ହିଜକୀୟ ଉତ୍ତର କଲା, "ମୋ' ଗୃହରେ ଯାହା ଯାହା ଅଛି, ସବୁ ସେମାନେ ଦେଖିଅଛନ୍ତି; ଯାହା ମୁଁ ସେମାନଙ୍କୁ ଦେଖାଇଲି ନାହିଁ, ଏପରି କୌଣସି ପଦାର୍ଥ ମୋ' ଭଣ୍ଡାରସମୂହରେ ନାହିଁ ।"
\s5
\v 5 ଏଥିରେ ଯିଶାଇୟ ହିଜକୀୟକୁ କହିଲେ, "ସୈନ୍ୟାଧିପତି ସଦାପ୍ରଭୁଙ୍କର ବାକ୍ୟ ଶୁଣ ।
\v 6 ଦେଖ, ତୁମ୍ଭ ଗୃହସ୍ଥିତ ସମସ୍ତ ଦ୍ରବ୍ୟ ଓ ଆଜି ପର୍ଯ୍ୟନ୍ତ ତୁମ୍ଭ ପୂର୍ବପୁରୁଷମାନଙ୍କ ସଞ୍ଚିତ ସମସ୍ତ ଦ୍ରବ୍ୟ ବାବିଲକୁ ନିଆଯିବାର ସମୟ ଆସୁଅଛି; ସଦାପ୍ରଭୁ କହନ୍ତି, କିଛି ଛଡ଼ା ଯିବ ନାହିଁ ।
\s5
\v 7 ଆଉ, ତୁମ୍ଭ ପୁତ୍ରମାନଙ୍କ ମଧ୍ୟରେ ଯେଉଁମାନେ ତୁମ୍ଭ ଔରସରେ ଜାତ ଓ ତୁମ୍ଭଠାରୁ ଉତ୍ପନ୍ନ ହେବେ, ସେମାନଙ୍କୁ ସେମାନେ ନେଇଯିବେ ଓ ସେମାନେ ବାବିଲ ରାଜାର ଅଟ୍ଟାଳିକାରେ ନପୁଂସକ ହୋଇ ରହିବେ ।"
\v 8 ସେତେବେଳେ ହିଜକୀୟ ଯିଶାଇୟଙ୍କୁ କହିଲା, "ତୁମ୍ଭେ ସଦାପ୍ରଭୁଙ୍କର ଯେଉଁ ବାକ୍ୟ କହିଅଛ, ତାହା ଉତ୍ତମ ।" ସେ ଆହୁରି କହିଲା, "କାରଣ ମୋ' ସମୟରେ ଶାନ୍ତି ଓ ସତ୍ୟତା ବିରାଜିତ ହେବ ।"
\s5
\c 40
\s ଈଶ୍ୱରଙ୍କ ଲୋକଙ୍କୁ ଭରସାର ବାଣୀ
\p
\v 1 "ମୋ' ଲୋକମାନଙ୍କୁ ସାନ୍ତ୍ୱନା କର, ସାନ୍ତ୍ୱନା କର," ତୁମ୍ଭମାନଙ୍କ ପରମେଶ୍ୱର ଏହା କହନ୍ତି ।
\v 2 ତୁମ୍ଭେମାନେ ଯିରୂଶାଲମକୁ ଚିତ୍ତପ୍ରବୋଧକ କଥା କୁହ, ଆଉ ତାହାର ସଂଗ୍ରାମ ସମାପ୍ତ ହେଲା, ତାହାର ଅପରାଧ କ୍ଷମା ହେଲା, ସେ ସଦାପ୍ରଭୁଙ୍କ ହସ୍ତରୁ ଆପଣାର ସମସ୍ତ ପାପ ହେତୁ ଦୁଇ ଗୁଣ ପାଇଅଛି ବୋଲି ତାହା ନିକଟରେ ପ୍ରଚାର କର ।
\s5
\v 3 ଏକ ଜଣର ରବ ପ୍ରଚାର କରେ, ତୁମ୍ଭେମାନେ ପ୍ରାନ୍ତରରେ ସଦାପ୍ରଭୁଙ୍କ ପଥ ପ୍ରସ୍ତୁତ କର, ମରୁଭୂମି ମଧ୍ୟରେ ଆମ୍ଭମାନଙ୍କ ପରମେଶ୍ୱରଙ୍କ ନିମନ୍ତେ ରାଜପଥ ସଳଖ କର ।
\v 4 ପ୍ରତ୍ୟେକ ଉପତ୍ୟକା ଉଚ୍ଚ କରାଯିବ, ପ୍ରତ୍ୟେକ ପର୍ବତ ଓ ଉପପର୍ବତ ନୀଚ କରାଯିବ ଓ ବକ୍ର ସଳଖ କରାଯିବ, ଆଉ ରଗଡ଼ା ସ୍ଥାନ ସବୁ ସମାନ କରାଯିବ;
\s ଅନନ୍ତକାଳସ୍ଥାୟୀ ପରମେଶ୍ୱରଙ୍କ ବାକ୍ୟ
\p
\v 5 ପୁଣି, ସଦାପ୍ରଭୁଙ୍କ ମହିମା ପ୍ରକାଶିତ ହେବ ଓ ଯାବତୀୟ ମର୍ତ୍ତ୍ୟ ଏକତ୍ର ତାହା ଦେଖିବେ; କାରଣ ସଦାପ୍ରଭୁଙ୍କ ମୁଖ ଏହା କହିଅଛି ।
\s5
\v 6 ଏକ ଜଣର ରବ କହେ, "ପ୍ରଚାର କର," ତହିଁରେ ଜଣେ କହିଲା, "କଅଣ ପ୍ରଚାର କରିବା ?" "ମର୍ତ୍ତ୍ୟ ମାତ୍ର ତୃଣ ସ୍ୱରୂପ ଓ ତାହାର ସମସ୍ତ ଶୋଭା କ୍ଷେତ୍ରସ୍ଥ ପୁଷ୍ପର ତୁଲ୍ୟ;
\v 7 ତୃଣ ଶୁଷ୍କ ହୋଇଯାଏ, ପୁଷ୍ପ ମ୍ଳାନ ହୁଏ; କାରଣ ତହିଁ ଉପରେ ସଦାପ୍ରଭୁଙ୍କର ଶ୍ୱାସବାୟୁ ବହେ, ନିଶ୍ଚୟ ଲୋକମାନେ ତୃଣ ସ୍ୱରୂପ ।
\v 8 ତୃଣ ଶୁଷ୍କ ହୋଇଯାଏ, ପୁଷ୍ପ ମଳିନ ହୁଏ; ମାତ୍ର ଆମ୍ଭମାନଙ୍କ ପରମେଶ୍ୱରଙ୍କ ବାକ୍ୟ ଅନନ୍ତକାଳସ୍ଥାୟୀ ।"
\s ସଦାପ୍ରଭୁଙ୍କ ମହାନତା
\p
\s5
\v 9 ହେ ସିୟୋନ ନିକଟରେ ସୁସମାଚାର ପ୍ରଚାରକାରିଣୀ, ତୁମ୍ଭେ ଉଚ୍ଚ ପର୍ବତକୁ ଯାଅ; ହେ ଯିରୂଶାଲମ ନିକଟରେ ସୁସମାଚାର ପ୍ରଚାରକାରିଣୀ, ତୁମ୍ଭେ ବଳରେ ଉଚ୍ଚସ୍ୱର କର, ଉଚ୍ଚସ୍ୱର କର, ଭୟ କର ନାହିଁ; ଯିହୁଦାର ନଗରସମୂହକୁ କୁହ, "ହେଇ ଦେଖ, ତୁମ୍ଭମାନଙ୍କ ପରମେଶ୍ୱର !"
\v 10 ଦେଖ, ପ୍ରଭୁ ସଦାପ୍ରଭୁ ପରାକ୍ରମୀର ତୁଲ୍ୟ ଆସିବେ ଓ ତାହାଙ୍କର ବାହୁ ତାହାଙ୍କ ପାଇଁ କର୍ତ୍ତୃତ୍ୱ କରିବ; ଦେଖ, ତାହାଙ୍କ ସଙ୍ଗେ ତାହାଙ୍କର ପୁରସ୍କାର ଅଛି ଓ ତାହାଙ୍କ ଅଗ୍ରେ ତାହାଙ୍କର ପ୍ରତିଫଳ ଅଛି ।
\s5
\v 11 ସେ ମେଷପାଳକ ପରି ଆପଣା ପଲ ଚରାଇବେ, ମେଷଛୁଆମାନଙ୍କୁ ସେ ଆପଣା ବାହୁରେ ସଂଗ୍ରହ କରିବେ ଓ ଆପଣା କୋଳରେ ସେମାନଙ୍କୁ ବହି ନେବେ, ଆଉ ଦୁଗ୍‍ଧଦାୟିନୀମାନଙ୍କୁ ଧୀରେ ଧୀରେ ଚଳାଇବେ ।
\s5
\v 12 କିଏ ଆପଣା ହସ୍ତର ପୋଷରେ ଜଳରାଶି ମାପିଅଛନ୍ତି, ଚାଖଣ୍ଡ ଦ୍ୱାରା ଆକାଶମଣ୍ଡଳର ପରିମାଣ କରିଅଛନ୍ତି ଓ ଗୌଣୀରେ ପୃଥିବୀର ଧୂଳିସବୁ ଭରିଅଛନ୍ତି, ପର୍ବତଗଣକୁ ନିକ୍ତିରେ ଓ ଉପପର୍ବତଗଣକୁ ତରାଜୁରେ ତୌଲିଅଛନ୍ତି ?
\s5
\v 13 ସଦାପ୍ରଭୁଙ୍କର ଆତ୍ମାକୁ କିଏ ଆଦେଶ ଦେଇଅଛି, ଅବା ମନ୍ତ୍ରୀ ହୋଇ କିଏ ତାହାଙ୍କୁ ଶିକ୍ଷା ଦେଇଅଛି ?
\v 14 ସେ କାହାର ସହିତ ମନ୍ତ୍ରଣା କଲେ, କିଏ ତାହାଙ୍କୁ ଶିକ୍ଷା ଦେଲା ଓ ବିଚାରର ପଥ ତାହାଙ୍କୁ ଶିଖାଇଲା ଓ ଜ୍ଞାନ ଶିକ୍ଷା ଦେଲା ଓ ବିବେଚନାର ମାର୍ଗ ତାହାଙ୍କୁ ଦେଖାଇଲା ?
\s5
\v 15 ଦେଖ, ଗୋଷ୍ଠୀୟମାନେ କଳସର ଜଳବିନ୍ଦୁ ପରି ଓ ନିକ୍ତିର ଧୂଳି କଣିକା ତୁଲ୍ୟ ଗଣ୍ୟ ଅଟନ୍ତି; ଦେଖ, ସେ ଦ୍ୱୀପସମୂହକୁ ଅତି କ୍ଷୁଦ୍ର ଦ୍ରବ୍ୟ ତୁଲ୍ୟ ଉଠାନ୍ତି ।
\v 16 ପୁଣି, ଲିବାନୋନ ଜାଳ ପାଇଁ ଓ ତହିଁର ପଶୁଗଣ ହୋମବଳି ପାଇଁ ଯଥେଷ୍ଟ ନୁହନ୍ତି ।
\v 17 ସର୍ବଦେଶୀୟମାନେ ତାହାଙ୍କ ଛାମୁରେ ଅବସ୍ତୁ ମାତ୍ର; ସେମାନେ ତାହାଙ୍କ ନିକଟରେ ଅବସ୍ତୁରୁ ଲଘୁ ଓ ଅସାର ଗଣ୍ୟ ଅଟନ୍ତି ।
\s5
\v 18 ତେବେ ତୁମ୍ଭେମାନେ କାହା ସଙ୍ଗେ ପରମେଶ୍ୱରଙ୍କୁ ତୁଳନା କରିବ ? ଅବା କେଉଁ ମୂର୍ତ୍ତିକୁ ତାହାଙ୍କ ସଦୃଶ କରିବ ?
\v 19 ଶିଳ୍ପକର ପ୍ରତିମା ଛାଞ୍ଚରେ ଢାଳେ ଓ ସ୍ୱର୍ଣ୍ଣକାର ସୁବର୍ଣ୍ଣରେ ତାହା ମଣ୍ଡନ କରେ, ଆଉ ତହିଁ ନିମନ୍ତେ ରୂପା ଜଞ୍ଜିର ପ୍ରସ୍ତୁତ କରେ ।
\v 20 ଯେଉଁ ଲୋକ ଏହି ପ୍ରକାର ଉପହାର ପାଇଁ ଅତି ଦରିଦ୍ର, ସେ ଅପଚ୍ୟ କୌଣସି କାଷ୍ଠ ମନୋନୀତ କରେ, ସେ ଅଟଳ ଏକ ଖୋଦିତ ପ୍ରତିମା ନିର୍ମାଣ କରିବା ପାଇଁ ଜଣେ ନିପୁଣ ଶିଳ୍ପକରର ଅନ୍ୱେଷଣ କରେ ।
\s5
\v 21 ତୁମ୍ଭେମାନେ କି ଜାଣି ନାହଁ ? ତୁମ୍ଭେମାନେ କି ଶୁଣି ନାହଁ ? ଆଦ୍ୟକାଳରୁ କି ତୁମ୍ଭମାନଙ୍କୁ ଜ୍ଞାତ କରାଯାଇ ନାହିଁ ? ପୃଥିବୀର ପତ୍ତନଠାରୁ କି ତୁମ୍ଭେମାନେ ବୁଝି ନାହଁ ?
\v 22 ସେ ଭୂମଣ୍ଡଳର ଉପରେ ଉପବିଷ୍ଟ ଓ ତନ୍ନିବାସୀଗଣ ଫଡ଼ିଙ୍ଗ ସ୍ୱରୂପ; ସେ ଚନ୍ଦ୍ରାତପ ତୁଲ୍ୟ ଆକାଶମଣ୍ଡଳ ପ୍ରସାରନ୍ତି, ପୁଣି ବସତି ନିମନ୍ତେ ତମ୍ବୁ ତୁଲ୍ୟ ତାହା ବିସ୍ତାରନ୍ତି;
\s5
\v 23 ସେ ଭୂପତିମାନଙ୍କୁ ଅକିଞ୍ଚିତ କରନ୍ତି; ସେ ପୃଥିବୀର ବିଚାରକର୍ତ୍ତାମାନଙ୍କୁ ଅବସ୍ତୁବତ୍‍ କରନ୍ତି ।
\v 24 ହଁ, ସେମାନେ ରୋପିତ ହୋଇ ନାହାନ୍ତି; ହଁ, ସେମାନେ ବୁଣାଯାଇ ନାହାନ୍ତି; ହଁ, ସେମାନଙ୍କ ଗଣ୍ଡିର ଚେର ଭୂମିରେ ମାଡ଼ି ନାହିଁ, ଆହୁରି ସେ ସେମାନଙ୍କ ଉପରେ ଫୁଙ୍କ ଦିଅନ୍ତି, ତହିଁରେ ସେମାନେ ଶୁଷ୍କ ହୁଅନ୍ତି ଓ ଘୂର୍ଣ୍ଣିବାୟୁ ନଡ଼ା ପରି ସେମାନଙ୍କୁ ଉଡ଼ାଇ ନିଏ ।
\s5
\v 25 ଏହେତୁ ସେହି ଧର୍ମସ୍ୱରୂପ କହନ୍ତି, ଆମ୍ଭେ ଯାହାର ସମାନ ହୋଇ ପାରିବୁ, ଏପରି କାହା ସଙ୍ଗରେ ତୁମ୍ଭେମାନେ ଆମ୍ଭର ଉପମା ଦେବ ?
\v 26 ଉର୍ଦ୍ଧ୍ୱ ଦୃଷ୍ଟି କରି ଦେଖ, ଏସମସ୍ତକୁ କିଏ ସୃଷ୍ଟି କରିଅଛନ୍ତି ? ସେ ସୈନ୍ୟସମୂହର ନ୍ୟାୟ ସଂଖ୍ୟାନୁସାରେ ସେମାନଙ୍କୁ ବାହାର କରି ଆଣନ୍ତି; ସେ, ସମସ୍ତର ନାମ ଧରି ସେମାନଙ୍କୁ ଡାକନ୍ତି; ତାହାଙ୍କ ପରାକ୍ରମର ମାହାତ୍ମ୍ୟ ଦ୍ୱାରା ଓ ସେ ଶକ୍ତିରେ ପ୍ରବଳ ହେବା ସକାଶୁ ସେମାନଙ୍କର ଗୋଟିଏ ହେଁ ଅନୁପସ୍ଥିତ ହୁଏ ନାହିଁ ।
\s5
\v 27 ଆମ୍ଭର ପଥ ସଦାପ୍ରଭୁଙ୍କଠାରୁ ଗୁପ୍ତ ଓ ଆମ୍ଭର ବିଚାର ଆମ୍ଭ ପରମେଶ୍ୱରଙ୍କ ଜ୍ଞାନର ଅତୀତ, ହେ ଯାକୁବ, ତୁମ୍ଭେ କାହିଁକି ଏହା କହୁଅଛ, ହେ ଇସ୍ରାଏଲ, ତୁମ୍ଭେ କାହିଁକି ଏହା କହୁଅଛ ?
\v 28 ତୁମ୍ଭେ କି ଜାଣି ନାହଁ ? ତୁମ୍ଭେ କି ଶୁଣି ନାହଁ ? ପୃଥିବୀର ପ୍ରାନ୍ତସକଳର ସୃଷ୍ଟିକର୍ତ୍ତା ଅନାଦି ଅନନ୍ତ ପରମେଶ୍ୱର ସଦାପ୍ରଭୁ କ୍ଳାନ୍ତ ହୁଅନ୍ତି ନାହିଁ, କିମ୍ବା ଶ୍ରାନ୍ତ ହୁଅନ୍ତି ନାହିଁ; ତାହାଙ୍କର ବୁଦ୍ଧି ବୋଧର ଅଗମ୍ୟ ।
\s5
\v 29 ସେ କ୍ଳାନ୍ତ ଲୋକକୁ ଶକ୍ତି ଦିଅନ୍ତି ଓ ବଳହୀନ ଲୋକର ବଳ ବଢ଼ାଇ ଦିଅନ୍ତି ।
\v 30 ତରୁଣମାନେ ହେଁ କ୍ଳାନ୍ତ ଓ ଶ୍ରାନ୍ତ ହେବେ, ପୁଣି ଯୁବକମାନେ ନିତାନ୍ତ ପଡ଼ିଯିବେ;
\v 31 ମାତ୍ର ଯେଉଁମାନେ ସଦାପ୍ରଭୁଙ୍କର ଅପେକ୍ଷା କରନ୍ତି, ସେମାନେ ନୂଆ ନୂଆ ବଳ ପାଇବେ; ସେମାନେ ଉତ୍କ୍ରୋଶ ପକ୍ଷୀ ପରି ପକ୍ଷରେ ଉପରକୁ ଉଠିବେ; ସେମାନେ ଶ୍ରାନ୍ତ ନ ହୋଇ ଦୌଡ଼ିବେ; ସେମାନେ କ୍ଳାନ୍ତ ନ ହୋଇ ଗମନ କରିବେ ।
\s5
\c 41
\s ଇସ୍ରାଏଲକୁ ଈଶ୍ୱରଙ୍କ ଅଭୟ ବାଣୀ
\p
\v 1 "ହେ ଦ୍ୱୀପଗଣ, ଆମ୍ଭ ସାକ୍ଷାତରେ ନୀରବ ହୁଅ ଓ ଲୋକମାନେ ନୂଆ ନୂଆ ବଳ ପ୍ରାପ୍ତ ହେଉନ୍ତୁ; ସେମାନେ ନିକଟକୁ ଆସନ୍ତୁ; ତେବେ କଥା କୁହନ୍ତୁ; ଆମ୍ଭେମାନେ ଏକତ୍ର ହୋଇ ବିଚାର କରୁ ।
\v 2 ସେ ଧର୍ମରେ ଯାହାକୁ ଆପଣା ଚରଣ ନିକଟକୁ ଡାକନ୍ତି, ଏପରି ଏକ ଜଣକୁ ପୂର୍ବ ଦିଗରୁ କିଏ ଉତ୍ପନ୍ନ କରିଅଛନ୍ତି ? ସେ ନାନା ଦେଶସ୍ଥ ଲୋକଙ୍କୁ ତାହା ସମ୍ମୁଖରେ ସମର୍ପି ଦିଅନ୍ତି ଓ ରାଜଗଣଙ୍କ ଉପରେ ତାହାକୁ କର୍ତ୍ତୃତ୍ୱ କରାନ୍ତି; ସେ ତାହାର ଖଡ଼୍‍ଗ ସମ୍ମୁଖରେ ସେମାନଙ୍କୁ ଧୂଳି ତୁଲ୍ୟ ଓ ତାହାର ଧନୁକର ଅଗ୍ରରେ ଚାଳିତ କୁଟା ପରି ସମର୍ପି ଦିଅନ୍ତି ।
\s5
\v 3 ସେ ସେମାନଙ୍କର ପଛେ ଗୋଡ଼ାଏ, ଯେଉଁ ପଥରେ ସେ ପଦାର୍ପଣ କରି ନାହିଁ, ସେହି ପଥରେ ହେଁ ସେ ନିରାପଦରେ ଅଗ୍ରସର ହୁଏ ।
\v 4 ଆଦ୍ୟରୁ ପୁରୁଷକୁ ପୁରୁଷ ଆହ୍ୱାନ କରି କିଏ ଏ କାର୍ଯ୍ୟ ସାଧନ କରିଅଛନ୍ତି ? ଆମ୍ଭେ ସଦାପ୍ରଭୁ ଆଦି, ପୁଣି ଶେଷକାଳୀନ ଲୋକମାନଙ୍କର ସଙ୍ଗରେ ହେଁ ଆମ୍ଭେ ସେହି ଅଟୁ ।
\s5
\v 5 ଦ୍ୱୀପଗଣ ଦେଖି ଭୀତ ହେଲେ; ପୃଥିବୀର ପ୍ରାନ୍ତସକଳ କମ୍ପିତ ହେଲେ; ସେମାନେ ନିକଟବର୍ତ୍ତୀ ହୋଇ ଆସିଲେ ।
\v 6 ସେମାନେ ପ୍ରତ୍ୟେକେ ଆପଣା ପ୍ରତିବାସୀର ସାହାଯ୍ୟ କଲେ ଓ ସାହସିକ ହୁଅ ବୋଲି ପ୍ରତ୍ୟେକେ ଆପଣା ଭାଇକୁ କହିଲେ ।
\v 7 ଏହିରୂପେ ସୂତ୍ରଧର ସ୍ୱର୍ଣ୍ଣକାରକୁ ସାହସ ଦେଲା ଓ ହାତୁଡ଼ିରେ ସମାନ କରିବା ଲୋକ ଯୋଡ଼ କର୍ମ ଉତ୍ତମ ହୋଇଅଛି ବୋଲି କହି, ନେହାଇରେ ପିଟିବା ଲୋକକୁ ଆଶ୍ୱାସ ଦେଲା; ପୁଣି, ପ୍ରତିମାଟି ଯେପରି ଟଳଟଳ ନ ହୁଏ, ଏଥିପାଇଁ ସେ କଣ୍ଟାରେ ତାହା ଦୃଢ଼ କଲା ।
\s5
\v 8 ମାତ୍ର ହେ ଆମ୍ଭର ଦାସ ଇସ୍ରାଏଲ, ଆମ୍ଭର ମନୋନୀତ ଯାକୁବ, ଆମ୍ଭର ବନ୍ଧୁ ଅବ୍ରହାମର ବଂଶ;
\v 9 ଆମ୍ଭେ ତୁମ୍ଭକୁ ଧରି ପୃଥିବୀର ପ୍ରାନ୍ତକୁ ଆଣିଅଛୁ ଓ ପୃଥିବୀର ସୀମାରୁ ତୁମ୍ଭକୁ ଆହ୍ୱାନ କରି କହିଅଛୁ, ତୁମ୍ଭେ ଆମ୍ଭର ଦାସ, ଆମ୍ଭେ ତୁମ୍ଭକୁ ମନୋନୀତ କରିଅଛୁ ଓ ଦୂର କରି ନାହୁଁ;
\s5
\v 10 ତୁମ୍ଭେ ଭୟ କର ନାହିଁ, କାରଣ ଆମ୍ଭେ ତୁମ୍ଭ ସଙ୍ଗରେ ଅଛୁ; ନିରାଶ ହୁଅ ନାହିଁ, କାରଣ ଆମ୍ଭେ ତୁମ୍ଭର ପରମେଶ୍ୱର; ଆମ୍ଭେ ତୁମ୍ଭକୁ ସବଳ କରିବା; ହଁ, ଆମ୍ଭେ ତୁମ୍ଭର ସାହାଯ୍ୟ କରିବା; ହଁ, ଆମ୍ଭେ ଆପଣା ଧର୍ମସ୍ୱରୂପ ଦକ୍ଷିଣ ହସ୍ତରେ ତୁମ୍ଭକୁ ଧରି ରଖିବା ।
\s5
\v 11 ଦେଖ, ଯେଉଁମାନେ ତୁମ୍ଭ ପ୍ରତି କୁପିତ ଅଛନ୍ତି, ସେମାନେ ସମସ୍ତେ ଲଜ୍ଜିତ ଓ ବିବ୍ରତ ହେବେ; ଯେଉଁମାନେ ତୁମ୍ଭ ସଙ୍ଗେ ବିରୋଧ କରନ୍ତି, ସେମାନେ ଅବସ୍ତୁ ତୁଲ୍ୟ ହୋଇ ବିନଷ୍ଟ ହେବେ ।
\s5
\v 12 ଯେଉଁମାନେ ତୁମ୍ଭ ସଙ୍ଗେ ବିରୋଧ କରନ୍ତି, ତୁମ୍ଭେ ସେମାନଙ୍କୁ ଅନ୍ୱେଷଣ କରିବ, ମାତ୍ର ସେମାନଙ୍କର ଉଦ୍ଦେଶ୍ୟ ପାଇବ ନାହିଁ; ଯେଉଁମାନେ ତୁମ୍ଭ ସଙ୍ଗେ ଯୁଦ୍ଧ କରନ୍ତି, ସେମାନେ ଅବସ୍ତୁ ତୁଲ୍ୟ ଓ ଅକିଞ୍ଚନ ହେବେ ।
\v 13 କାରଣ ଆମ୍ଭେ ସଦାପ୍ରଭୁ ତୁମ୍ଭର ପରମେଶ୍ୱର, ତୁମ୍ଭ ଦକ୍ଷିଣ ହସ୍ତ ଧରି ତୁମ୍ଭକୁ କହିବା, ଭୟ କର ନାହିଁ; ଆମ୍ଭେ ତୁମ୍ଭର ସାହାଯ୍ୟ କରିବା ।
\s5
\v 14 ହେ କୀଟ ସ୍ୱରୂପ ଯାକୁବ ଓ ହେ ଇସ୍ରାଏଲୀୟ ନରଗଣ, ଭୟ କର ନାହିଁ; ସଦାପ୍ରଭୁ କହନ୍ତି, ଆମ୍ଭେ ତୁମ୍ଭର ସାହାଯ୍ୟ କରିବା" ଓ ଇସ୍ରାଏଲର ଧର୍ମସ୍ୱରୂପ ତୁମ୍ଭର ମୁକ୍ତିଦାତା ଅଟନ୍ତି ।
\v 15 "ଦେଖ, ଆମ୍ଭେ ତୁମ୍ଭକୁ ତୀକ୍ଷ୍‍ଣ ଛୁରିକାବିଶିଷ୍ଟ ଏକ ନୂତନ ଶସ୍ୟ-ମର୍ଦ୍ଦନ-ଯନ୍ତ୍ର ସ୍ୱରୂପ କରିବା; ତୁମ୍ଭେ ପର୍ବତଗଣକୁ ମର୍ଦ୍ଦନ କରି ଚୂର୍ଣ୍ଣ କରିବ ଓ ଉପପର୍ବତଗଣକୁ ଭୂଷି ତୁଲ୍ୟ କରିବ ।
\s5
\v 16 ତୁମ୍ଭେ ସେମାନଙ୍କୁ କୁଲାରେ ଉଡ଼ାଇଲେ, ବାୟୁ ସେମାନଙ୍କୁ ଉଡ଼ାଇ ନେଇ ଯିବ ଓ ଘୂର୍ଣ୍ଣିବାୟୁ ସେମାନଙ୍କୁ ଛିନ୍ନଭିନ୍ନ କରି ପକାଇବ; ପୁଣି, ତୁମ୍ଭେ ସଦାପ୍ରଭୁଙ୍କଠାରେ ଉଲ୍ଲାସ କରିବ ଓ ଇସ୍ରାଏଲର ଧର୍ମସ୍ୱରୂପଙ୍କଠାରେ ଦର୍ପ କରିବ ।
\s5
\v 17 ଦରିଦ୍ର ଓ ଦୀନହୀନମାନେ ଜଳ ଅନ୍ୱେଷଣ କରନ୍ତି, ମାତ୍ର ଜଳ ନାହିଁ, ତହିଁରେ ସେମାନଙ୍କ ଜିହ୍ୱା ତୃଷାରେ ଶୁଷ୍କ ହୁଏ; ଆମ୍ଭେ ସଦାପ୍ରଭୁ ସେମାନଙ୍କୁ ଉତ୍ତର ଦେବା, ଆମ୍ଭେ ଇସ୍ରାଏଲର ପରମେଶ୍ୱର ସେମାନଙ୍କୁ ତ୍ୟାଗ କରିବା ନାହିଁ ।
\v 18 ଆମ୍ଭେ ବୃକ୍ଷଶୂନ୍ୟ ଉଚ୍ଚସ୍ଥଳୀରେ ନଦନଦୀ କରିବା ଓ ସମସ୍ଥଳୀ ମଧ୍ୟରେ ନିର୍ଝରମାନ ଫିଟାଇବା; ଆମ୍ଭେ ପ୍ରାନ୍ତରକୁ ଜଳାଶୟ ଓ ଶୁଷ୍କ ଭୂମିକୁ ଜଳ ନିର୍ଝର କରିବା ।
\s5
\v 19 ଆମ୍ଭେ ପ୍ରାନ୍ତରରେ ଏରସ, ବବୁର୍‍ ଓ ମେହେନ୍ଦି ଓ ତୈଳବୃକ୍ଷ ରୋପଣ କରିବା; ଆମ୍ଭେ ମରୁଭୂମିରେ ଦେବଦାରୁ, ତିଧର ଓ ତାଶୂର ବୃକ୍ଷ ଏକତ୍ର ଲଗାଇବା;
\v 20 ତହିଁରେ ସଦାପ୍ରଭୁଙ୍କ ହସ୍ତ ଏହି କାର୍ଯ୍ୟ କରିଅଛି ଓ ଇସ୍ରାଏଲର ଧର୍ମସ୍ୱରୂପ ଏହା ସୃଷ୍ଟି କରିଅଛନ୍ତି ବୋଲି ଲୋକମାନେ ଏକତ୍ର ଦେଖିବେ ଓ ବିବେଚନା କରି ବୁଝିବେ ।"
\s ମିଥ୍ୟା ଦେବଦେବୀମାନଙ୍କୁ ସଦାପ୍ରଭୁଙ୍କର ଆହ୍ୱାନ
\p
\s5
\v 21 ସଦାପ୍ରଭୁ କହନ୍ତି, "ତୁମ୍ଭେମାନେ ଆପଣାମାନଙ୍କ ବିବାଦ ଉପସ୍ଥିତ କର," ଯାକୁବର ରାଜା କହନ୍ତି, ତୁମ୍ଭେମାନେ ଆପଣାମାନଙ୍କର ଦୃଢ଼ ପ୍ରମାଣସବୁ ବାହାର କର ।
\v 22 ସେମାନେ ତାହାସବୁ ବାହାର କରି ଯାହା ଯାହା ଘଟିବ, ତାହା ଆମ୍ଭମାନଙ୍କ ନିକଟରେ ପ୍ରକାଶ କରନ୍ତୁ; ଆଦ୍ୟର ବିଷୟମାନ କଅଣ, ତାହା ତୁମ୍ଭେମାନେ ପ୍ରକାଶ କର, ତାହା କଲେ, ଆମ୍ଭେମାନେ ବିବେଚନା କରି ତହିଁର ଶେଷ ଫଳ ଜାଣି ପାରିବା; ନୋହିଲେ ଆଗାମୀ ଘଟଣା ଆମ୍ଭମାନଙ୍କୁ ଦେଖାଅ ।
\s5
\v 23 ଏଥିଉତ୍ତାରେ ଯାହା ଯାହା ଘଟିବ, ତାହା ପ୍ରକାଶ କର, ତହିଁରେ ତୁମ୍ଭେମାନେ ଯେ ଈଶ୍ୱରଗଣ, ଏହା ଆମ୍ଭେମାନେ ଜାଣିବା; ହଁ, ମଙ୍ଗଳ କର, ଅବା ଅମଙ୍ଗଳ କର, ତହିଁରେ ଆମ୍ଭେମାନେ ନିରାଶ ହୋଇ ଏକତ୍ର ତାହା ଦେଖିବା ।
\v 24 ଦେଖ, ତୁମ୍ଭେମାନେ ଅକିଞ୍ଚିତ ଓ ତୁମ୍ଭମାନଙ୍କର କାର୍ଯ୍ୟ କିଛି ହିଁ ନୁହେଁ; ଯେଉଁ ଲୋକ ତୁମ୍ଭମାନଙ୍କୁ ମନୋନୀତ କରେ, ସେ ଘୃଣାସ୍ପଦ ।
\s5
\v 25 ଆମ୍ଭେ ଉତ୍ତର ଦିଗରୁ ଏକ ଜଣକୁ ଉତ୍ପନ୍ନ କରିଅଛୁ ଓ ସେ ଉପସ୍ଥିତ; ସେ ସୂର୍ଯ୍ୟୋଦୟ ଦିଗରୁ ଆମ୍ଭ ନାମ ଆହ୍ୱାନ କରେ; ସେ ଗାନ୍ଥନୀର ମଶଲା ଓ କୁମ୍ଭକାରର ମର୍ଦ୍ଦିତ ମୃତ୍ତିକା ପରି ଦେଶାଧ୍ୟକ୍ଷମାନଙ୍କୁ ଦଳିତ କରିବ ।
\v 26 ଆମ୍ଭେମାନେ ଯେପରି ଜାଣି ପାରିବା, ଏଥିପାଇଁ ଆଦ୍ୟରୁ କିଏ ଏହା ପ୍ରକାଶ କରିଅଛି ? ପୁଣି, ସେ ଧାର୍ମିକ ବୋଲି ଯେପରି ଆମ୍ଭେମାନେ କହି ପାରିବା, ଏଥିପାଇଁ ପୂର୍ବରୁ କିଏ ଏହା ପ୍ରକାଶ କରିଅଛି ? ହଁ, ପ୍ରକାଶକାରୀ କେହି ନାହିଁ, ହଁ, ଦେଖାଇବା ଲୋକ କେହି ନାହିଁ, ହଁ, ତୁମ୍ଭମାନଙ୍କ କଥା ଶୁଣିବା ଲୋକ କେହି ନାହିଁ ।
\s5
\v 27 ଆମ୍ଭେ ପ୍ରଥମେ ସିୟୋନକୁ କହିବା, "ଦେଖ, ସେମାନଙ୍କୁ ଦେଖ, ପୁଣି ଆମ୍ଭେ ଯିରୂଶାଲମକୁ ସୁସମାଚାର ଆଣିବାର ଏକ ଲୋକ ଦେବା ।"
\v 28 ଆମ୍ଭେ ଅନାଇଲା ବେଳେ କେହି ନାହିଁ; ଆମ୍ଭେ ପଚାରିଲା ବେଳେ ଯେ ପଦେ ଉତ୍ତର ଦେଇ ପାରେ, ସେମାନଙ୍କ ମଧ୍ୟରେ ଏପରି ମନ୍ତ୍ରଣାଦାତା ସୁଦ୍ଧା କେହି ନାହିଁ ।
\v 29 ଦେଖ, ସେସମସ୍ତେ, ସେମାନଙ୍କର କର୍ମସବୁ ଅସାର ଓ ଅବସ୍ତୁ ମାତ୍ର; ସେମାନଙ୍କର ଛାଞ୍ଚରେ ଢଳା ପ୍ରତିମାଗଣ ବାୟୁ ଓ ଶୂନ୍ୟ ମାତ୍ର ।
\s5
\c 42
\s ସଦାପ୍ରଭୁଙ୍କ ମନୋନୀତ ଦାସ
\p
\v 1 ଯାହାଙ୍କୁ ଆମ୍ଭେ ଧାରଣ କରୁ, ଏପରି ଆମ୍ଭ ଦାସଙ୍କୁ, ଯାହାଙ୍କଠାରେ ଆମ୍ଭ ଚିତ୍ତ ସନ୍ତୁଷ୍ଟ, ଏପରି ଆମ୍ଭର ମନୋନୀତ ଲୋକଙ୍କୁ ଦେଖ; ଆମ୍ଭେ ତାହାଙ୍କ ଉପରେ ଆପଣା ଆତ୍ମା ସ୍ଥାପନ କରିଅଛୁ; ସେ ଅନ୍ୟ ଦେଶୀୟମାନଙ୍କ ମଧ୍ୟକୁ ନ୍ୟାୟ ବିଚାର ଆଣିବେ ।
\v 2 ସେ ଚିତ୍କାର କିମ୍ବା ଉଚ୍ଚ ଶବ୍ଦ କରିବେ ନାହିଁ, କିଅବା ରାଜପଥରେ ଆପଣା ରବ ଶୁଣାଇବେ ନାହିଁ ।
\s5
\v 3 ସେ ଛେଚାନଳ ଭାଙ୍ଗିବେ ନାହିଁ ଓ ସଧୂମ ବଳିତା ଲିଭାଇବେ ନାହିଁ; ସେ ସତ୍ୟତାରେ ନ୍ୟାୟ ବିଚାର ଆଣିବେ ।
\v 4 ସେ ପୃଥିବୀରେ ନ୍ୟାୟ ବିଚାର ସ୍ଥାପନ ନ କରିବା ପର୍ଯ୍ୟନ୍ତ ନିସ୍ତେଜ ଓ ହୀନସାହସ ହେବେ ନାହିଁ; ଆଉ, ଦ୍ୱୀପଗଣ ତାହାଙ୍କ ବ୍ୟବସ୍ଥାର ଅପେକ୍ଷାରେ ରହିବେ ।
\s5
\v 5 ଯେ ଆକାଶମଣ୍ଡଳ ସୃଷ୍ଟି କରି ବିସ୍ତାର କଲେ; ଯେ ଭୂତଳ ଓ ତଦୁତ୍ପନ୍ନସକଳ ବିଛାଇଲେ; ଯେ ତହିଁ ଉପରିସ୍ଥ ସକଳ ଲୋକଙ୍କୁ ନିଶ୍ୱାସ ପ୍ରଶ୍ୱାସ ଦିଅନ୍ତି ଓ ତନ୍ମଧ୍ୟରେ ଗମନାଗମନକାରୀମାନଙ୍କୁ ପ୍ରାଣ ଦିଅନ୍ତି, ସେହି ସଦାପ୍ରଭୁ ପରମେଶ୍ୱର ଏହି କଥା କହନ୍ତି;
\v 6 "ଆମ୍ଭେ ସଦାପ୍ରଭୁ, ଧର୍ମରେ ତୁମ୍ଭକୁ ଆହ୍ୱାନ କରିଅଛୁ ଓ ତୁମ୍ଭର ହସ୍ତ ଧରି ତୁମ୍ଭକୁ ରକ୍ଷା କରିବୁ, ଆଉ ଅନ୍ଧମାନଙ୍କର ଚକ୍ଷୁ ପ୍ରସନ୍ନ କରିବା ପାଇଁ, ବନ୍ଦୀମାନଙ୍କୁ କାରାକୂପରୁ ଓ ଅନ୍ଧକାରରେ ବସିଥିବା ଲୋକମାନଙ୍କୁ ବନ୍ଦୀଗୃହରୁ ବାହାର କରି ଆଣିବା ପାଇଁ,
\s5
\v 7 ଆମ୍ଭେ ତୁମ୍ଭକୁ ଲୋକମାନଙ୍କର ନିୟମ ସ୍ୱରୂପ ଓ ଅନ୍ୟ ଦେଶୀୟମାନଙ୍କର ଦୀପ୍ତି ସ୍ୱରୂପ କରି ନିଯୁକ୍ତ କରିବୁ ।
\s5
\v 8 ଆମ୍ଭେ ସଦାପ୍ରଭୁ: ଏହି ଆମ୍ଭର ନାମ; ପୁଣି, ଆମ୍ଭେ ଆପଣା ଗୌରବ ଅନ୍ୟକୁ, କିଅବା ଆପଣା ପ୍ରଶଂସା ଖୋଦିତ ପ୍ରତିମାଗଣକୁ ଦେବୁ ନାହିଁ ।
\v 9 ଦେଖ, ଆଦ୍ୟ ବିଷୟମାନ ସିଦ୍ଧ ହେଲା, ଆଉ ଆମ୍ଭେ ନୂତନ ବିଷୟମାନ ପ୍ରକାଶ କରୁ; ସେସବୁ ଅଙ୍କୁରିତ ହେବାର ପୂର୍ବେ ତଦ୍‍ବିଷୟ ଆମ୍ଭେ ତୁମ୍ଭମାନଙ୍କୁ ଜଣାଉ ।"
\s ଏକ ନୂତନ ଗୀତ
\p
\s5
\v 10 ହେ ସମୁଦ୍ରଗାମୀମାନେ ଓ ସମୁଦ୍ର ମଧ୍ୟସ୍ଥିତ ସମସ୍ତେ, ହେ ଦ୍ୱୀପଗଣ ଓ ତନ୍ନିବାସୀମାନେ, ତୁମ୍ଭେ ସମସ୍ତେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନୂତନ ଗୀତ ଓ ପୃଥିବୀର ପ୍ରାନ୍ତରୁ ତାହାଙ୍କର ପ୍ରଶଂସା ଗାନ କର ।
\v 11 ପ୍ରାନ୍ତର ଓ ତହିଁର ନଗରସକଳ, କେଦାରର ବସତି ଗ୍ରାମସକଳ ଉଚ୍ଚ ରବ କରନ୍ତୁ; ଶୈଳନିବାସୀମାନେ ଗାନ କରନ୍ତୁ, ପର୍ବତଗଣର ଶିଖରରୁ ସେମାନେ ମହାନାଦ କରନ୍ତୁ ।
\s5
\v 12 ସେମାନେ ସଦାପ୍ରଭୁଙ୍କୁ ଗୌରବ ଦେଉନ୍ତୁ ଓ ଦ୍ୱୀପସମୂହ ମଧ୍ୟରେ ତାହାଙ୍କର ପ୍ରଶଂସା ପ୍ରଚାର କରନ୍ତୁ ।
\v 13 ସଦାପ୍ରଭୁ ବୀର ତୁଲ୍ୟ ବିଜେ କରିବେ; ସେ ଯୋଦ୍ଧାର ନ୍ୟାୟ ଆପଣା ଉଦ୍‍ଯୋଗ ଉତ୍ତେଜିତ କରିବେ; ସେ ଉଚ୍ଚସ୍ୱର କରିବେ, ହଁ, ସେ ମହାନାଦ କରିବେ; ସେ ଆପଣା ଶତ୍ରୁଗଣର ପ୍ରତିକୂଳରେ ପ୍ରବଳ ରୂପରେ କାର୍ଯ୍ୟ କରିବେ ।
\s5
\v 14 ଆମ୍ଭେ ଦୀର୍ଘ କାଳ ନୀରବ ହୋଇଅଛୁ; ଆମ୍ଭେ ସ୍ଥିର ହୋଇ ଆପଣାକୁ କ୍ଷାନ୍ତ କରିଅଛୁ; ଏବେ ଆମ୍ଭେ ପ୍ରସବକାରିଣୀ ସ୍ତ୍ରୀ ପରି ଡାକ ଛାଡ଼ିବା; ଆମ୍ଭେ ଏକାବେଳେ ଦୀର୍ଘ ନିଶ୍ୱାସ ଟାଣି ବ୍ୟଗ୍ରଚିତ୍ତ ହେବା ।
\v 15 ଆମ୍ଭେ ପର୍ବତ ଓ ଉପପର୍ବତଗଣକୁ ଧ୍ୱଂସିତ କରିବା ଓ ତହିଁର ତୃଣସବୁ ଶୁଷ୍କ କରିବା; ଆଉ, ଆମ୍ଭେ ନଦନଦୀକି ଦ୍ୱୀପ ଓ ଜଳାଶୟକୁ ଶୁଷ୍କ କରିବା ।
\s5
\v 16 ପୁଣି, ଆମ୍ଭେ ଅନ୍ଧମାନଙ୍କୁ ସେମାନଙ୍କର ଅଜ୍ଞାତ ପଥ ଦେଇ ଆଣିବା; ଯେଉଁ ମାର୍ଗ ସେମାନେ ଜାଣନ୍ତି ନାହିଁ, ସେସବୁ ମାର୍ଗରେ ସେମାନଙ୍କୁ କଢ଼ାଇବା; ଆମ୍ଭେ ସେମାନଙ୍କ ସମ୍ମୁଖରେ ଅନ୍ଧକାରକୁ ଆଲୁଅ ଓ ବକ୍ରସ୍ଥାନସବୁକୁ ସଳଖ କରିବା । ଏହିସବୁ କାର୍ଯ୍ୟ ଆମ୍ଭେ କରି ସେମାନଙ୍କୁ ପରିତ୍ୟାଗ କରିବା ନାହିଁ ।
\s5
\v 17 ଯେଉଁମାନେ ଖୋଦିତ ପ୍ରତିମାଗଣରେ ନିର୍ଭର କରନ୍ତି ଓ ଛାଞ୍ଚରେ ଢଳା ପ୍ରତିମାଗଣକୁ ତୁମ୍ଭେମାନେ ଆମ୍ଭମାନଙ୍କର ଈଶ୍ୱର ବୋଲି କୁହନ୍ତି, ସେମାନେ ବିମୁଖ ଓ ଅତିଶୟ ଲଜ୍ଜିତ ହେବେ ।
\s ଶିକ୍ଷା କରିବା ପାଇଁ ଇସ୍ରାଏଲର ଅକ୍ଷମତା
\p
\s5
\v 18 ହେ ବଧିରମାନେ, ଶୁଣ; ହେ ଅନ୍ଧମାନେ, ତୁମ୍ଭେମାନେ ଦେଖିବା ପାଇଁ ଅନାଅ ।
\v 19 ଆମ୍ଭର ଦାସ ଛଡ଼ା ଅନ୍ଧ କିଏ ? ଅବା ଆମ୍ଭ ପ୍ରେରିତ ଦୂତ ପରି ବଧିର କିଏ ? ଆମ୍ଭ ସଙ୍ଗେ ମିଳନରେ ଥିବା ଲୋକ ପରି ଅନ୍ଧ ଓ ସଦାପ୍ରଭୁଙ୍କର ଦାସ ପରି ଅନ୍ଧ କିଏ ?
\s5
\v 20 ତୁମ୍ଭେ ଅନେକ ବିଷୟ ଦେଖୁଅଛ, ମାତ୍ର ମନୋଯୋଗ କରୁ ନାହଁ; ତାହାର କର୍ଣ୍ଣ ମୁକ୍ତ ଅଛି, ମାତ୍ର ସେ ଶୁଣୁ ନାହିଁ ।
\v 21 ସଦାପ୍ରଭୁ ଆପଣା ଧର୍ମ ସକାଶୁ ବ୍ୟବସ୍ଥାକୁ ମହତ ଓ ସମ୍ଭ୍ରାନ୍ତ କରିବାକୁ ସନ୍ତୁଷ୍ଟ ହେଲେ ।
\s5
\v 22 ମାତ୍ର ଏହି ଲୋକମାନେ ଅପହୃତ ଓ ଲୁଟିତିତ; ସେସମସ୍ତେ ଗର୍ତ୍ତରେ ପାଶବଦ୍ଧ ଓ କାରାଗାରରେ ଲୁଚାଯାଇଅଛନ୍ତି; ସେମାନେ ହୃତଧନ ହେବା ପାଇଁ ଅଛନ୍ତି, ପୁଣି ଉଦ୍ଧାରକର୍ତ୍ତା କେହି ନାହିଁ; ସେମାନେ ଲୁଟିତ ସ୍ୱରୂପ ହେବା ପାଇଁ ଅଛନ୍ତି ଓ ଫେରାଇ ଦିଅ ବୋଲି କହିବା ପାଇଁ କେହି ନାହିଁ ।
\s5
\v 23 ଏହି କଥାରେ ଯେ କର୍ଣ୍ଣପାତ କରିବ ଓ ଶ୍ରବଣ କରି ଭବିଷ୍ୟତ୍କାଳ ନିମନ୍ତେ ମନୋଯୋଗ କରିବ, ତୁମ୍ଭମାନଙ୍କ ମଧ୍ୟରେ ଏପରି ଲୋକ କିଏ ଅଛି ?
\v 24 ଯାକୁବକୁ ଲୁଟିତ ସ୍ୱରୂପ ହେବା ପାଇଁ ଓ ଇସ୍ରାଏଲକୁ ଅପହାରକମାନଙ୍କ ହସ୍ତରେ କିଏ ସମର୍ପଣ କଲେ ? ଯାହାଙ୍କ ବିରୁଦ୍ଧରେ ଆମ୍ଭେମାନେ ପାପ କରିଅଛୁ ଓ ଯାହାଙ୍କ ପଥରେ ଲୋକମାନେ ଗମନ କରିବାକୁ ସମ୍ମତ ନୋହିଲେ, ଅଥବା ସେମାନେ ଯାହାଙ୍କ ବ୍ୟବସ୍ଥାର ଆଜ୍ଞାକାରୀ ନୋହିଲେ, ସେହି ସଦାପ୍ରଭୁ କି ଏହା କରି ନାହାନ୍ତି ?
\s5
\v 25 ଏହେତୁ ସେ ତାହାର ଉପରେ ଆପଣା କ୍ରୋଧର ପ୍ରଚଣ୍ଡତା ଓ ଯୁଦ୍ଧର ପ୍ରବଳତା ଢାଳି ଦେଲେ; ତହିଁରେ ତାହା ଚତୁର୍ଦ୍ଦିଗରେ ଅଗ୍ନି ଜ୍ୱଳି ଉଠିଲା, ମାତ୍ର ସେ ଜାଣିଲା ନାହିଁ; ପୁଣି, ଅଗ୍ନି ତାହାକୁ ଦଗ୍‍ଧ କଲା, ତଥାପି ସେ ମନୋଯୋଗ କଲା ନାହିଁ ।
\s5
\c 43
\s ଈଶ୍ୱରଙ୍କ ଉଦ୍ଧାରର ପ୍ରତିଜ୍ଞା
\p
\v 1 ମାତ୍ର ହେ ଯାକୁବ, ଯେ ତୁମ୍ଭକୁ ସୃଷ୍ଟି କଲେ, ହେ ଇସ୍ରାଏଲ, ଯେ ତୁମ୍ଭକୁ ନିର୍ମାଣ କଲେ, ସେହି ସଦାପ୍ରଭୁ ଏବେ ଏହି କଥା କହନ୍ତି; ଭୟ କର ନାହିଁ, କାରଣ ଆମ୍ଭେ ତୁମ୍ଭକୁ ମୁକ୍ତ କରିଅଛୁ; ଆମ୍ଭେ ତୁମ୍ଭର ନାମ ଧରି ତୁମ୍ଭକୁ ଆହ୍ୱାନ କରିଅଛୁ, ତୁମ୍ଭେ ଆମ୍ଭର ।
\s5
\v 2 ତୁମ୍ଭେ ଜଳ ମଧ୍ୟ ଦେଇ ଯିବା ବେଳେ ଆମ୍ଭେ ତୁମ୍ଭର ସଙ୍ଗୀ ହେବା ନଦନଦୀ ମଧ୍ୟରେ ଗମନ କଲେ, ସେସବୁ ତୁମ୍ଭକୁ ମଗ୍ନ କରିବ ନାହିଁ; ତୁମ୍ଭେ ଅଗ୍ନି ମଧ୍ୟରେ ଗମନ କରିବା ବେଳେ ଦଗ୍‍ଧ ହେବ ନାହିଁ, କିଅବା ଅଗ୍ନିଶିଖା ତୁମ୍ଭର ଦାହ ଜନ୍ମାଇବ ନାହିଁ ।
\v 3 କାରଣ ଆମ୍ଭେ ସଦାପ୍ରଭୁ, ତୁମ୍ଭ ପରମେଶ୍ୱର, ଇସ୍ରାଏଲର ଧର୍ମସ୍ୱରୂପ, ତୁମ୍ଭର ତ୍ରାଣକର୍ତ୍ତା ଅଟୁ; ଆମ୍ଭେ ତୁମ୍ଭ ମୁକ୍ତିର ମୂଲ୍ୟ ସ୍ୱରୂପେ ମିସର ଓ ତୁମ୍ଭ ପରିବର୍ତ୍ତେ କୂଶ୍‍ ଓ ଶିବା ଦେଶ ଦେଇଅଛୁ ।
\s5
\v 4 ତୁମ୍ଭେ ଆମ୍ଭ ଦୃଷ୍ଟିରେ ବହୁମୂଲ୍ୟ ଓ ସମ୍ଭ୍ରାନ୍ତ ହୋଇଅଛ ଓ ଆମ୍ଭେ ତୁମ୍ଭକୁ ପ୍ରେମ କରିଅଛୁ; ଏହେତୁ ଆମ୍ଭେ ତୁମ୍ଭ ପରିବର୍ତ୍ତେ ମନୁଷ୍ୟମାନଙ୍କୁ ଓ ତୁମ୍ଭ ପ୍ରାଣର ପରିବର୍ତ୍ତେ ଗୋଷ୍ଠୀବର୍ଗକୁ ଦେବା ।
\v 5 ଭୟ କର ନାହିଁ; କାରଣ ଆମ୍ଭେ ତୁମ୍ଭ ସଙ୍ଗରେ ଅଛୁ; ଆମ୍ଭେ ପୂର୍ବ ଦିଗରୁ ତୁମ୍ଭ ବଂଶକୁ ଆଣିବା ଓ ପଶ୍ଚିମ ଦିଗରୁ ତୁମ୍ଭକୁ ସଂଗ୍ରହ କରିବା;
\s5
\v 6 ଆମ୍ଭେ ଉତ୍ତର ଦିଗକୁ କହିବା, ଛାଡ଼ି ଦିଅ ଓ ଦକ୍ଷିଣ ଦିଗକୁ କହିବା, ଅଟକାଇ ରଖ ନାହିଁ; ଆମ୍ଭ ପୁତ୍ରଗଣକୁ ଦୂରରୁ ଓ ଆମ୍ଭ କନ୍ୟାଗଣଙ୍କୁ ପୃଥିବୀର ପ୍ରାନ୍ତରୁ ଆଣି ଦିଅ;
\v 7 ଆମ୍ଭ ନାମରେ ଖ୍ୟାତ ଓ ଯାହାକୁ ଆମ୍ଭେ ଆପଣା ଗୌରବାର୍ଥେ ସୃଷ୍ଟି କରିଅଛୁ, ଏପରି ପ୍ରତ୍ୟେକ ଲୋକକୁ ଆଣ; ଆମ୍ଭେ ତାହାକୁ ଗଢ଼ିଅଛୁ; ହଁ, ଆମ୍ଭେ ତାହାକୁ ନିର୍ମାଣ କରିଅଛୁ ।
\s ଇସ୍ରାଏଲ ଈଶ୍ୱରଙ୍କ ସାକ୍ଷୀ
\p
\s5
\v 8 ଚକ୍ଷୁ ଥାଇ ଅନ୍ଧ ଓ କର୍ଣ୍ଣ ଥାଇ ବଧିର, ଏହି ଲୋକଙ୍କୁ ବାହାର କରି ଆଣ ।
\v 9 ସର୍ବଦେଶୀୟମାନେ ସଂଗୃହୀତ ହେଉନ୍ତୁ ଓ ଗୋଷ୍ଠୀସମୂହ ଏକତ୍ରୀକୃତ ହେଉନ୍ତୁ; ସେମାନଙ୍କ ମଧ୍ୟରେ କିଏ ଏହା ପ୍ରକାଶ କରିପାରେ ଓ ଆଦ୍ୟ ବିଷୟମାନ ଆମ୍ଭମାନଙ୍କୁ ଦେଖାଇ ପାରେ ? ସେମାନେ ନିର୍ଦ୍ଦୋଷୀକୃତ ହେବା ନିମନ୍ତେ ଆପଣା ଆପଣା ସାକ୍ଷୀଗଣକୁ ଆଣନ୍ତୁ; ଅଥବା ସେମାନେ ଶୁଣି ଏହା ସତ୍ୟ ବୋଲି କୁହନ୍ତୁ ।
\s5
\v 10 ସଦାପ୍ରଭୁ କହନ୍ତି, ତୁମ୍ଭେମାନେ ଯେପରି ଜାଣି ଆମ୍ଭଠାରେ ବିଶ୍ୱାସ କରିବ ଓ ଆମ୍ଭେ ସେହି ଅଟୁ ବୋଲି ବୁଝିବ, ଏଥିପାଇଁ ତୁମ୍ଭେମାନେ ଆମ୍ଭର ସାକ୍ଷୀ ଓ ଆମ୍ଭର ମନୋନୀତ ଦାସ ଅଟ," ଆମ୍ଭ ପୂର୍ବରେ କୌଣସି ଈଶ୍ୱର ନିର୍ମିତ ହେଲା ନାହିଁ, କିଅବା ଆମ୍ଭ ଉତ୍ତାରେ ହେବ ନାହିଁ ।
\v 11 ଆମ୍ଭେ, ଆମ୍ଭେ ହିଁ ସଦାପ୍ରଭୁ ଅଟୁ ଓ ଆମ୍ଭ ଛଡ଼ା ଆଉ ତ୍ରାଣକର୍ତ୍ତା ନାହିଁ ।
\s5
\v 12 ଆମ୍ଭେ ପ୍ରକାଶ କରିଅଛୁ, ଆମ୍ଭେ ଉଦ୍ଧାର କରିଅଛୁ ଓ ଆମ୍ଭେ ଦେଖାଇଅଛୁ, ଆଉ ତୁମ୍ଭମାନଙ୍କ ମଧ୍ୟରେ କୌଣସି ବିଦେଶୀୟ ଦେବତା ନ ଥିଲା; ଏହେତୁ ସଦାପ୍ରଭୁ କହନ୍ତି, ତୁମ୍ଭେମାନେ ଆମ୍ଭର ସାକ୍ଷୀ ଅଟ ଓ ଆମ୍ଭେ ପରମେଶ୍ୱର ଅଟୁ ।"
\v 13 "ହଁ, ଦିବସର ପୂର୍ବରୁ ଆମ୍ଭେ ସେହି ଅଟୁ ଓ ଆମ୍ଭ ହସ୍ତରୁ ଉଦ୍ଧାରକାରୀ କେହି ନାହିଁ; ଆମ୍ଭେ କାର୍ଯ୍ୟ କରିବା, ଆଉ କିଏ ତାହା ଅନ୍ୟଥା କରିବ ?"
\s ବାବିଲରୁ ମୁକ୍ତି
\p
\s5
\v 14 ତୁମ୍ଭମାନଙ୍କର ମୁକ୍ତିଦାତା, ଇସ୍ରାଏଲର ଧର୍ମସ୍ୱରୂପ ସଦାପ୍ରଭୁ ଏହି କଥା କହନ୍ତି, "ଆମ୍ଭେ ତୁମ୍ଭମାନଙ୍କ ସକାଶେ ବାବିଲକୁ ଲୋକ ପଠାଇଅଛୁ ଓ ଆମ୍ଭେ ସେସମସ୍ତଙ୍କୁ ପଳାତକଗଣ ତୁଲ୍ୟ ଆଣିବା; କଲଦୀୟମାନଙ୍କୁ ହିଁ ସେମାନଙ୍କର ଆନନ୍ଦଗାନର ନୌକାରେ ଆଣିବା ।
\v 15 ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ଧର୍ମସ୍ୱରୂପ, ଇସ୍ରାଏଲର ସୃଷ୍ଟିକର୍ତ୍ତା, ତୁମ୍ଭମାନଙ୍କର ରାଜା ଅଟୁ ।"
\s5
\v 16 ଯେ ସମୁଦ୍ରରେ ପଥ ଓ ମହାଜଳରାଶିରେ ମାର୍ଗ କରନ୍ତି;
\v 17 ଯେ ରଥ ଓ ଅଶ୍ୱ, ସୈନ୍ୟ ଓ ବୀରଗଣକୁ ବାହାର କରି ଆଣନ୍ତି; ସେମାନେ ଏକତ୍ର ତଳେ ଶୋଇ ଆଉ ଉଠିବେ ନାହିଁ, ସେମାନେ ଲୁପ୍ତ ଓ ଛଣପଟ ପରି ନିଭିଯା'ନ୍ତି; ସେହି ସଦାପ୍ରଭୁ ଏହି କଥା କହନ୍ତି;
\s5
\v 18 "ତୁମ୍ଭେମାନେ ଆଦ୍ୟ ବିଷୟସବୁ ସ୍ମରଣ କର ନାହିଁ, କିଅବା ପୁରାତନ ବିଷୟସବୁ ବିବେଚନା କର ନାହିଁ ।
\v 19 ଦେଖ, ଆମ୍ଭେ ଏକ ନୂତନ କାର୍ଯ୍ୟ କରିବା; ତାହା ଏବେ ଅଙ୍କୁରିତ ହେବ; ତୁମ୍ଭେମାନେ କି ତାହା ଜାଣିବ ନାହିଁ ? ଆହୁରି, ଆମ୍ଭେ ପ୍ରାନ୍ତର ମଧ୍ୟରେ ପଥ ଓ ମରୁଭୂମିରେ ନଦନଦୀ କରିବା ।
\s5
\v 20 କ୍ଷେତ୍ରର ପଶୁଗଣ, ଶୃଗାଳ ଓ ଓଟ ପକ୍ଷୀଗଣ ଆମ୍ଭର ଗୌରବ କରିବେ; କାରଣ ଆମ୍ଭେ ଆପଣା ମନୋନୀତ ଲୋକମାନଙ୍କର ପାନାର୍ଥେ ପ୍ରାନ୍ତର ମଧ୍ୟରେ ଜଳ ଓ ମରୁଭୂମିରେ ନଦନଦୀ ଯୋଗାଉ;
\v 21 ସେହି ଲୋକମାନଙ୍କୁ ଆମ୍ଭେ ଆପଣା ପ୍ରଶଂସା ବର୍ଣ୍ଣନା କରିବା ନିମନ୍ତେ ସୃଷ୍ଟି କରିଅଛୁ ।
\s5
\v 22 ତଥାପି ହେ ଯାକୁବ, ତୁମ୍ଭେ ଆମ୍ଭ ନିକଟରେ ପ୍ରାର୍ଥନା କରି ନାହଁ; ହେ ଇସ୍ରାଏଲ, ତୁମ୍ଭେ ଆମ୍ଭ ବିଷୟରେ କ୍ଳାନ୍ତ ହୋଇଅଛ ।
\s ଇସ୍ରାଏଲର ପାପ
\p
\v 23 ତୁମ୍ଭେ ଆପଣା ହୋମାର୍ଥକ ମେଷାଦି ଆମ୍ଭ ନିକଟକୁ ଆଣି ନାହଁ; କିଅବା ତୁମ୍ଭେ ଆପଣା ବଳିଦାନ ଦ୍ୱାରା ଆମ୍ଭର ସମାଦର କରି ନାହଁ । ଆମ୍ଭେ ନୈବେଦ୍ୟ ନିମନ୍ତେ ତୁମ୍ଭକୁ ଦାସ୍ୟକର୍ମ କରାଇ ନାହୁଁ; କିଅବା କୁନ୍ଦୁରୁ ନିମନ୍ତେ ତୁମ୍ଭକୁ କ୍ଳାନ୍ତ କରାଇ ନାହୁଁ ।
\s5
\v 24 ତୁମ୍ଭେ ରୌପ୍ୟମୁଦ୍ରା ଦେଇ ଆମ୍ଭ ପାଇଁ ସୁଗନ୍ଧି ବଚ କ୍ରୟ କରି ନାହଁ, କିଅବା ତୁମ୍ଭ ବଳିର ମେଦରେ ଆମ୍ଭକୁ ତୃପ୍ତ କରି ନାହଁ; ମାତ୍ର ତୁମ୍ଭେ ଆପଣା ପାପ ଦ୍ୱାରା ଆମ୍ଭକୁ ଦାସ୍ୟକର୍ମ କରାଇଅଛ, ତୁମ୍ଭେ ଆପଣା ନାନା ଅଧର୍ମରେ ଆମ୍ଭକୁ କ୍ଳାନ୍ତ କରିଅଛ ।
\s5
\v 25 ଆମ୍ଭେ, ଆମ୍ଭେ ହିଁ ଆପଣା ଲାଗି ତୁମ୍ଭର ଅଧର୍ମସବୁ ମାର୍ଜନା କରୁ ଓ ତୁମ୍ଭର ପାପସବୁ ଆମ୍ଭେ ସ୍ମରଣ କରିବା ନାହିଁ ।
\v 26 ଆମ୍ଭଙ୍କୁ ସ୍ମରଣ କରାଅ; ଆମ୍ଭେମାନେ ପରସ୍ପରର ବିଚାର କରୁ; ତୁମ୍ଭେ ନିର୍ଦ୍ଦୋଷୀକୃତ ହେବା ନିମନ୍ତେ ଆପଣା କଥା କୁହ ।
\s5
\v 27 ତୁମ୍ଭର ଆଦି ପିତା ପାପ କଲା ଓ ତୁମ୍ଭର ମଧ୍ୟସ୍ଥିମାନେ ଆମ୍ଭ ବିରୁଦ୍ଧରେ ଅଧର୍ମ କରିଅଛନ୍ତି ।
\v 28 ଏନିମନ୍ତେ ଆମ୍ଭେ ପବିତ୍ର ସ୍ଥାନର ଅଧିପତିମାନଙ୍କୁ ଅପବିତ୍ର କରିବା, ଆମ୍ଭେ ଯାକୁବକୁ ଅଭିଶାପ ଓ ଇସ୍ରାଏଲକୁ ନିନ୍ଦାପାତ୍ର କରିବା ।"
\s5
\c 44
\s ଇସ୍ରାଏଲ ସଦାପ୍ରଭୁଙ୍କ ମନୋନୀତ
\p
\v 1 ତଥାପି ହେ ଆମ୍ଭର ଦାସ ଯାକୁବ ଓ ଆମ୍ଭର ମନୋନୀତ ଇସ୍ରାଏଲ, ଏବେ ଶୁଣ;
\v 2 ଯେ ତୁମ୍ଭକୁ ନିର୍ମାଣ କଲେ ଓ ଗର୍ଭରୁ ତୁମ୍ଭକୁ ଗଢ଼ିଲେ, ଯେ ତୁମ୍ଭର ସାହାଯ୍ୟ କରିବେ, ସେହି ସଦାପ୍ରଭୁ ଏହି କଥା କହନ୍ତି; "ହେ ଆମ୍ଭର ଦାସ ଯାକୁବ, ହେ ଆମ୍ଭର ମନୋନୀତ ଯିଶୁରୂଣ, ଭୟ କର ନାହିଁ ।
\s5
\v 3 କାରଣ ଆମ୍ଭେ ତୃଷିତ ଉପରେ ଜଳ ଓ ଶୁଷ୍କ ଭୂମି ଉପରେ ଜଳସ୍ରୋତ ଢାଳିବା; ଆମ୍ଭେ ତୁମ୍ଭ ବଂଶ ଉପରେ ଆପଣା ଆତ୍ମା ଓ ତୁମ୍ଭ ସନ୍ତାନଗଣ ଉପରେ ଆପଣା ଆଶୀର୍ବାଦ ଢାଳିବା;
\v 4 ତହିଁରେ ସେମାନେ ଜଳସ୍ରୋତ ନିକଟସ୍ଥ ବାଇଶୀ ବୃକ୍ଷ ତୁଲ୍ୟ ତୃଣ ମଧ୍ୟରେ ଅଙ୍କୁରିତ ହେବେ ।
\s5
\v 5 ଏକ ଜଣ କହିବ, ଆମ୍ଭେ ସଦାପ୍ରଭୁଙ୍କର; ଅନ୍ୟ ଜଣ ଯାକୁବ ନାମରେ ଆପଣାକୁ ଖ୍ୟାତ କରିବ; ଆଉ, ଜଣେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସ୍ୱହସ୍ତରେ ସ୍ୱାକ୍ଷର କରିବ ଓ ଇସ୍ରାଏଲୀୟ କୁଳ ନାମରେ ଆପଣାକୁ ପ୍ରସିଦ୍ଧ କରିବ ।"
\s5
\v 6 ସଦାପ୍ରଭୁ, ଇସ୍ରାଏଲର ରାଜା ଓ ତାହାର ମୁକ୍ତିଦାତା ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି; "ଆମ୍ଭେ ଆଦି ଓ ଆମ୍ଭେ ଅନ୍ତ, ପୁଣି ଆମ୍ଭ ଛଡ଼ା ପରମେଶ୍ୱର ଆଉ ନାହିଁ ।
\s5
\v 7 ଆମ୍ଭେ ସେହି ପୁରାତନ ଲୋକଙ୍କୁ ସ୍ଥାପନ କରିବା ସମୟଠାରୁ ଆମ୍ଭ ତୁଲ୍ୟ କିଏ ଆହ୍ୱାନ କରିବ ଓ ତାହା ପ୍ରକାଶ କରିବ ଓ ଯଥାକ୍ରମେ ଆମ୍ଭ ପାଇଁ ତାହା ସଜାଇବ ? ପୁଣି, ଯାହା ଯାହା ନିକଟବର୍ତ୍ତୀ ଓ ଯାହା ଯାହା ଘଟିବ, ତାହା ସେମାନେ ପ୍ରକାଶ କରନ୍ତୁ ।
\s5
\v 8 ତୁମ୍ଭେମାନେ କମ୍ପିତ କିଅବା ଭୀତ ହୁଅ ନାହିଁ; ଆମ୍ଭେ କ'ଣ ପୂର୍ବରୁ ତୁମ୍ଭମାନଙ୍କ ନିକଟରେ ପ୍ରକାଶ କରି ନାହୁଁ ଓ ତୁମ୍ଭମାନଙ୍କୁ ତାହା ଜଣାଇ ନାହୁଁ ? ତୁମ୍ଭେମାନେ ଆମ୍ଭର ସାକ୍ଷୀ । ଆମ୍ଭ ଭିନ୍ନ ଆଉ କି ପରମେଶ୍ୱର ଅଛନ୍ତି ? ଅନ୍ୟ ଶୈଳ ନାହିଁ; ଆମ୍ଭେ କାହାକୁ ଜାଣୁ ନା ।"
\s ପ୍ରତିମା ପୂଜା ଉପହାସଜନକ
\p
\s5
\v 9 ଯେଉଁମାନେ ଖୋଦିତ ପ୍ରତିମା ନିର୍ମାଣ କରନ୍ତି, ସେସମସ୍ତେ ଅସାର ଓ ସେମାନଙ୍କର ମନୋହର ବିଷୟମାନ ଉପକାରକ ହେବ ନାହିଁ; ସେମାନେ ଯେପରି ଲଜ୍ଜିତ ହେବେ, ଏଥିପାଇଁ ସେମାନଙ୍କର ନିଜ ସାକ୍ଷୀଗଣ ଦେଖନ୍ତି ନାହିଁ, କିଅବା ଜାଣନ୍ତି ନାହିଁ ।
\v 10 ଯାହା କୌଣସି ବିଷୟରେ ଉପକାରକ ନୁହେଁ, ଏପରି ଦେବତା କିଏ ନିର୍ମାଣ କରିଅଛି, ଅବା ଖୋଦିତ ପ୍ରତିମା କିଏ ଛାଞ୍ଚରେ ଢାଳିଅଛି ?
\s5
\v 11 ଦେଖ, ତାହାର ସହାୟ ସମସ୍ତେ ଲଜ୍ଜିତ ହେବେ; ପୁଣି, ଶିଳ୍ପକାରୀମାନେ ମନୁଷ୍ୟ ମାତ୍ର; ସେସମସ୍ତେ ଏକତ୍ର ହେଉନ୍ତୁ, ସେମାନେ ଛିଡ଼ା ହେଉନ୍ତୁ; ସେମାନେ କମ୍ପିତ ହେବେ, ସେମାନେ ଏକା ବେଳେ ଲଜ୍ଜିତ ହେବେ ।
\s5
\v 12 କର୍ମକାର ଲୌହ ଅସ୍ତ୍ର ନିର୍ମାଣ କରି ତପ୍ତ ଅଙ୍ଗାରରେ କର୍ମ କରେ ଓ ହାତୁଡ଼ିରେ ତାହା ଗଢ଼ି ନିଜର ବଳିଷ୍ଠ ବାହୁରେ ତାହା ପ୍ରସ୍ତୁତ କରେ; ହଁ, ସେ କ୍ଷୁଧିତ ହୁଏ ଓ ତାହାର ବଳ ଊଣା ପଡ଼ିଯାଏ, ସେ ଜଳପାନ ନ କରି କ୍ଳାନ୍ତ ହୁଏ ।
\s5
\v 13 ସୂତ୍ରଧର ସୂତା ଟାଣେ; ସେ ସିନ୍ଦୁର ଦ୍ୱାରା ଚିହ୍ନ ଦିଏ, ସେ ରନ୍ଦା ବୁଲାଇ ଆକୃତି କରି କମ୍ପାସ ଦ୍ୱାରା ଚିହ୍ନ ଦିଏ ଓ ଗୃହରେ ବାସ କରାଇବା ନିମନ୍ତେ ମନୁଷ୍ୟର ଆକୃତି ଓ ସୌନ୍ଦର୍ଯ୍ୟ ଅନୁସାରେ ତାହା ନିର୍ମାଣ କରେ ।
\s5
\v 14 ସେ ଆପଣା ନିମନ୍ତେ ଏରସ ବୃକ୍ଷ କାଟେ, ତର୍ସା ଓ ଅଲୋନ୍‍ ବୃକ୍ଷ ନିଏ, ସେ ବନବୃକ୍ଷ ମଧ୍ୟରୁ ଗୋଟିଏ ବୃକ୍ଷ ଆପଣା ପାଇଁ ଦୃଢ଼ କରେ; ସେ ଦେବଦାରୁ ବୃକ୍ଷ ରୋପଣ କରେ ଓ ବୃଷ୍ଟି ତାହା ବଢ଼ାଏ ।
\s5
\v 15 ଏଉତ୍ତାରେ ତାହା ମନୁଷ୍ୟର ଜାଳେଣି କାଷ୍ଠ ହୁଏ; ସେ ତହିଁରୁ କିଛି ନେଇ ଅଗ୍ନି ତାପ ନିଏ; ଆଉ, ସେ ତାହା ଜାଳି ରୁଟି ପାକ କରେ; ଆହୁରି, ଗୋଟିଏ ଦେବତା କରି ତାହା ପୂଜା କରେ; ସେ ଗୋଟିଏ ଖୋଦିତ ପ୍ରତିମା କରି ତାହା ଆଗରେ ଦଣ୍ଡବତ କରେ ।
\v 16 ସେ ତହିଁରୁ ଏକ ଅଂଶ ଅଗ୍ନିରେ ପୋଡ଼େ; ଅନ୍ୟ ଅଂଶରେ ସେ ମାଂସ ପାକ କରି ଭୋଜନ କରେ ଓ ଶୂଲ୍ୟମାଂସ ପ୍ରସ୍ତୁତ କରି ତୃପ୍ତ ହୁଏ, ଆହୁରି ସେ ଅଗ୍ନି ତାପ ନେଇ କହେ, ଆଃ, ଆମ୍ଭେ ଉଷ୍ଣ ହେଲୁ, ଆମ୍ଭେ ଅଗ୍ନି ଦେଖିଲୁ ।
\s5
\v 17 ପୁଣି, ସେ ତହିଁର ଅବଶିଷ୍ଟାଂଶ ଦ୍ୱାରା ଏକ ଦେବତା, ଆପଣାର ଖୋଦିତ ପ୍ରତିମା ନିର୍ମାଣ କରେ; ସେ ତାହା ଆଗରେ ଦଣ୍ଡବତ କରି ପୂଜା କରେ ଓ ତାହା ନିକଟରେ ପ୍ରାର୍ଥନା କରି କହେ, "ଆମ୍ଭକୁ ଉଦ୍ଧାର କର, ତୁମ୍ଭେ ଆମ୍ଭର ଦେବତା ।"
\s5
\v 18 ସେମାନେ ଜାଣନ୍ତି ନାହିଁ, କିଅବା ବିବେଚନା କରନ୍ତି ନାହିଁ, କାରଣ ସେମାନେ ଯେପରି ଦେଖି ନ ପାରିବେ, ଏଥିପାଇଁ ସେମାନଙ୍କର ଚକ୍ଷୁ ଓ ସେମାନେ ଯେପରି ବୁଝି ନ ପାରିବେ, ଏଥିପାଇଁ ସେମାନଙ୍କର ଚିତ୍ତ ସେ ମୁଦ୍ରିତ କରିଅଛନ୍ତି ।
\s5
\v 19 କେହି ମନେ କରେ ନାହିଁ, କିଅବା ଏହା କହିବା ପାଇଁ କାହାରି ଜ୍ଞାନ କି ବୁଦ୍ଧି ନାହିଁ ଯେ, "ଯହିଁର ଏକ ଅଂଶ ନେଇ ଆମ୍ଭେ ଅଗ୍ନିରେ ଦଗ୍ଧ କରିଅଛୁ ଓ ଯହିଁର ଜ୍ୱଳ; ଅଙ୍ଗାର ନେଇ ରୁଟି ପାକ କରିଅଛୁ ଓ ମାଂସ ପାକ କରି ଭୋଜନ କରିଅଛୁ, ତହିଁର ଅବଶିଷ୍ଟାଂଶ ନେଇ କି ଘୃଣାଯୋଗ୍ୟ ବସ୍ତୁ ନିର୍ମାଣ କରିବା ? ଆମ୍ଭେ କି ଖଣ୍ଡେ କାଷ୍ଠ ଆଗରେ ଦଣ୍ଡବତ କରିବା ?
\s5
\v 20 ସେ ଭସ୍ମ ଭୋଜନ କରେ; ସେ ଯେପରି ଆପଣା ପ୍ରାଣ ଉଦ୍ଧାର କରି ନ ପାରେ, କିଅବା ଆମ୍ଭ ଡାହାଣ ହସ୍ତରେ କି ମିଥ୍ୟା ନାହିଁ, ଏହା କହି ନ ପାରେ, ଏଥିପାଇଁ ଭ୍ରାନ୍ତ ଚିତ୍ତ ତାହାକୁ ବିପଥଗାମୀ କରିଅଛି ।"
\s ଇସ୍ରାଏଲର ସୃଷ୍ଟିକର୍ତ୍ତା ଓ ମୁକ୍ତିଦାତା ପରମେଶ୍ୱର
\p
\s5
\v 21 ହେ ଯାକୁବ, ହେ ଇସ୍ରାଏଲ, ତୁମ୍ଭେ ଏହିସବୁ କଥା ସ୍ମରଣ କର, କାରଣ ତୁମ୍ଭେ ଆମ୍ଭର ଦାସ; ଆମ୍ଭେ ତୁମ୍ଭକୁ ଗଢ଼ିଅଛୁ; ତୁମ୍ଭେ ଆମ୍ଭର ଦାସ; ହେ ଇସ୍ରାଏଲ, ତୁମ୍ଭେ ଆମ୍ଭ ଦ୍ୱାରା ବିସ୍ମୃତ ହେବ ନାହିଁ ।
\v 22 ଆମ୍ଭେ ତୁମ୍ଭର ଅଧର୍ମସବୁ ନିବିଡ଼ କୁହୁଡ଼ିର ନ୍ୟାୟ ଓ ତୁମ୍ଭର ପାପସବୁ ମେଘ ପରି ମାର୍ଜନା କରିଅଛୁ; ଆମ୍ଭ ନିକଟକୁ ଫେରି ଆସ; କାରଣ ଆମ୍ଭେ ତୁମ୍ଭକୁ ମୁକ୍ତ କରିଅଛୁ ।
\s5
\v 23 ହେ ଆକାଶମଣ୍ଡଳ, ଗାନ କର, କାରଣ ସଦାପ୍ରଭୁ ଏହା ସାଧନ କରିଅଛନ୍ତି; ହେ ପୃଥିବୀର ଅଧଃସ୍ଥାନସକଳ, ଆନନ୍ଦଧ୍ୱନି କର; ହେ ପର୍ବତଗଣ, ହେ ଅରଣ୍ୟ ଓ ତନ୍ମଧ୍ୟସ୍ଥ ପ୍ରତ୍ୟେକ ବୃକ୍ଷ, ତୁମ୍ଭେମାନେ ଉଚ୍ଚସ୍ୱରରେ ଗାନ କର; କାରଣ ସଦାପ୍ରଭୁ ଯାକୁବକୁ ମୁକ୍ତ କରିଅଛନ୍ତି ଓ ଇସ୍ରାଏଲ ମଧ୍ୟରେ ଆପଣାକୁ ଗୌରବାନ୍ୱିତ କରିବେ ।
\s5
\v 24 ତୁମ୍ଭର ମୁକ୍ତିଦାତା ସଦାପ୍ରଭୁ, ଗର୍ଭରୁ ଯେ ତୁମ୍ଭକୁ ଗଢ଼ିଲେ, ସେ ଏହା କହନ୍ତି; "ଆମ୍ଭେ ସଦାପ୍ରଭୁ, ଆମ୍ଭେ ସବୁ କାର୍ଯ୍ୟ ସାଧନ କରୁ ଆମ୍ଭେ ଏକାକୀ ଆକାଶମଣ୍ଡଳ ବିସ୍ତାର କରୁ; ଆମ୍ଭେ ପୃଥିବୀକୁ ପ୍ରସାର କରୁ; ଆମ୍ଭର ସଙ୍ଗୀ କିଏ ?
\v 25 ଆମ୍ଭେ ମିଥ୍ୟାବାଦୀମାନଙ୍କର (ଦତ୍ତ) ଲକ୍ଷଣସବୁ ବିଫଳ କରୁ ଓ ମନ୍ତ୍ରଜ୍ଞମାନଙ୍କୁ ଉନ୍ମତ୍ତ କରୁ; ଆମ୍ଭେ ଜ୍ଞାନୀମାନଙ୍କୁ ପଛକୁ ହଟାଇ ଦେଉ ଓ ସେମାନଙ୍କର ଜ୍ଞାନ ମୂର୍ଖତା କରୁ;
\s5
\v 26 ଆମ୍ଭେ ଆପଣା ଦାସର ବାକ୍ୟ ଦୃଢ଼ କରୁ ଓ ଆପଣା ଦୂତଗଣର ମନ୍ତ୍ରଣା ସିଦ୍ଧ କରୁ; ଆମ୍ଭେ ଯିରୂଶାଲମ ବିଷୟରେ କହୁ, ତାହା ବସତିବିଶିଷ୍ଟ ହେବ ଓ ଯିହୁଦାର ନଗରମାନଙ୍କ ବିଷୟରେ କହୁ, ସେସବୁ ପୁନର୍ନିର୍ମିତ ହେବ, ପୁଣି ଆମ୍ଭେ ତହିଁର ଉଜାଡ଼ ସ୍ଥାନ ସବୁ ପୁନର୍ବାର ପତ୍ତନ କରିବା;
\v 27 ଆମ୍ଭେ ଅଗାଧ ଜଳକୁ କହୁ, ଶୁଷ୍କ ହୁଅ; ପୁଣି ଆମ୍ଭେ ତୁମ୍ଭର ନଦନଦୀସବୁ ଶୁଷ୍କ କରିବା;
\s5
\v 28 ଆମ୍ଭେ କୋରସ୍‍ ବିଷୟରେ କହୁ, ସେ ଆମ୍ଭ ପଲର ପାଳକ ଓ ଆମ୍ଭର ଇଷ୍ଟ ସାଧନ କରିବ; ସେ ଯିରୂଶାଲମ ବିଷୟରେ କହିବ, ତାହା ପୁନର୍ନିର୍ମିତ ହେବ ଓ ମନ୍ଦିରକୁ କହିବ, ତୁମ୍ଭର ଭିତ୍ତିମୂଳ ସ୍ଥାପିତ ହେବ ।"
\s5
\c 45
\s କୋରସ୍‍ ସଦାପ୍ରଭୁଙ୍କ ମାଧ୍ୟମ
\p
\v 1 ସଦାପ୍ରଭୁ ଆପଣା ଅଭିଷିକ୍ତ ବ୍ୟକ୍ତିର, ଅର୍ଥାତ୍‍, କୋରସ୍‍ର ବିଷୟରେ ଏହି କଥା କହନ୍ତି, ଆମ୍ଭେ ତାହା ସମ୍ମୁଖରେ ନାନା ଗୋଷ୍ଠୀଙ୍କୁ ପରାସ୍ତ କରିବା ନିମନ୍ତେ ତାହାର ଡାହାଣ ହସ୍ତ ଧରିଅଛୁ ଓ ଆମ୍ଭେ ରାଜାମାନଙ୍କର କଟିବନ୍ଧନ ଫିଟାଇବା; ଆମ୍ଭେ ତାହା ସମ୍ମୁଖରେ କବାଟସବୁ ମୁକ୍ତ କରିବା ଓ ନଗରଦ୍ୱାରସବୁ ବନ୍ଦ ହେବ ନାହିଁ;
\s5
\v 2 "ଆମ୍ଭେ ତୁମ୍ଭର ଆଗେ ଆଗେ ଗମନ କରିବା, ରଗଡ଼ା ସ୍ଥାନ ସବୁ ସମାନ କରିବା; ଆମ୍ଭେ ପିତ୍ତଳର କବାଟସବୁ ଭାଙ୍ଗି ଖଣ୍ଡ ଖଣ୍ଡ କରିବା ଓ ଲୌହ ଅର୍ଗଳସବୁ କାଟି ପକାଇବା;
\v 3 ପୁଣି, ଆମ୍ଭେ ଅନ୍ଧକାରାବୃତ ଧନଭଣ୍ଡାର ଓ ଗୁପ୍ତ ସ୍ଥାନରେ ସଞ୍ଚିତ ସମ୍ପତ୍ତିସବୁ ତୁମ୍ଭକୁ ଦେବା, ତହିଁରେ ତୁମ୍ଭର ନାମ ଧରି ଆହ୍ୱାନକାରୀ ଆମ୍ଭେ ଯେ ସଦାପ୍ରଭୁ, ଇସ୍ରାଏଲର ପରମେଶ୍ୱର ଅଟୁ, ଏହା ତୁମ୍ଭେ ଜାଣି ପାରିବ ।
\s5
\v 4 ଆମ୍ଭ ଦାସ ଯାକୁବ ଓ ଆମ୍ଭ ମନୋନୀତ ଇସ୍ରାଏଲ ସକାଶେ ଆମ୍ଭେ ତୁମ୍ଭର ନାମ ଧରି ତୁମ୍ଭକୁ ଡାକିଅଛୁ; ତୁମ୍ଭେ ଆମ୍ଭକୁ ନ ଜାଣିଲେ ହେଁ ଆମ୍ଭେ ତୁମ୍ଭକୁ ଉପାଧି ଦେଇଅଛୁ ।
\v 5 ଆମ୍ଭେ ସଦାପ୍ରଭୁ, ଆଉ ଦ୍ୱିତୀୟ କେହି ନାହିଁ; ଆମ୍ଭ ଛଡ଼ା ଆଉ ପରମେଶ୍ୱର ନାହାନ୍ତି; ତୁମ୍ଭେ ଆମ୍ଭକୁ ନ ଜାଣିଲେ ହେଁ ଆମ୍ଭେ ତୁମ୍ଭର କଟିବନ୍ଧନ କରିବା;
\v 6 ତହିଁରେ ଆମ୍ଭ ଛଡ଼ା ଯେ ଆଉ କେହି ନାହିଁ, ଏହା ସୂର୍ଯ୍ୟୋଦୟର ସ୍ଥାନରୁ ପଶ୍ଚିମ ଦିଗ ପର୍ଯ୍ୟନ୍ତ ଲୋକେ ଜାଣିବେ; ଆମ୍ଭେ ସଦାପ୍ରଭୁ, ଆଉ ଦ୍ୱିତୀୟ କେହି ନାହିଁ ।
\s5
\v 7 ଆମ୍ଭେ ଦୀପ୍ତି ନିର୍ମାଣ କରୁ ଓ ଆମ୍ଭେ ଅନ୍ଧକାର ସୃଷ୍ଟି କରୁ; ଆମ୍ଭେ ଶାନ୍ତି ରଚନା କରୁ, ଅନିଷ୍ଟ ସୃଷ୍ଟି କରୁ; ଆମ୍ଭେ ସଦାପ୍ରଭୁ ଏହାସବୁ ସାଧନ କରୁ ।
\v 8 ହେ ଆକାଶମଣ୍ଡଳ, ତୁମ୍ଭେମାନେ ଉପରୁ ବର୍ଷଣ କର, ମେଘମାଳ ଧର୍ମବୃଷ୍ଟି କରୁ; ଯେପରି ପରିତ୍ରାଣ ଉତ୍ପନ୍ନ ହେବ, ଏଥିପାଇଁ ପୃଥିବୀ ବିଦୀର୍ଣ୍ଣ ହେଉ ଓ ସେ ଧାର୍ମିକତା ଏକତ୍ର ଅଙ୍କୁରିତ କରାଉ; ଆମ୍ଭେ ସଦାପ୍ରଭୁ ଏହା ସୃଷ୍ଟି କରିଅଛୁ ।
\s ସୃଷ୍ଟି ଓ ଇତିହାସର ପ୍ରଭୁ
\p
\s5
\v 9 ଯେ ଆପଣା ସୃଷ୍ଟିକର୍ତ୍ତାଙ୍କ ସଙ୍ଗେ ବିରୋଧ କରେ, ସେ ସନ୍ତାପର ପାତ୍ର ! ପୃଥିବୀର ଖପରା ମଧ୍ୟରେ ଖଣ୍ଡେ ଖପରା ମାତ୍ର ! ମୃତ୍ତିକା କ'ଣ ତା'ର ଗଢ଼ିବା ଲୋକକୁ କହିବ, ତୁମ୍ଭେ କଅଣ ନିର୍ମାଣ କରୁଅଛ ? ଅବା ତୁମ୍ଭର କର୍ମ କ'ଣ କହିବ, ତାହାର ହସ୍ତ ନାହିଁ ?
\s5
\v 10 ଯେ ପିତାକୁ କହେ, ତୁମ୍ଭେ କଅଣ ଜନ୍ମାଉଅଛ, ଅବା ସ୍ତ୍ରୀଲୋକକୁ କହେ, ତୁମ୍ଭେ କଅଣ ପ୍ରସବ କରୁଅଛ ? ସେ ସନ୍ତାପର ପାତ୍ର !
\s5
\v 11 ସଦାପ୍ରଭୁ, ଇସ୍ରାଏଲର ଧର୍ମସ୍ୱରୂପ ଓ ତାହାର ନିର୍ମାଣକର୍ତ୍ତା ଏହି କଥା କହନ୍ତି, ଆଗାମୀ ଘଟଣାର ବିଷୟ ଆମ୍ଭକୁ ପଚାର; ତୁମ୍ଭେମାନେ ଆମ୍ଭ ସନ୍ତାନଗଣର ବିଷୟରେ ଓ ଆମ୍ଭ ହସ୍ତକୃତ କର୍ମ ବିଷୟରେ ଆମ୍ଭକୁ ଆଦେଶ ଦିଅ ।
\s5
\v 12 ଆମ୍ଭେ ପୃଥିବୀ ନିର୍ମାଣ କରିଅଛୁ ଓ ତହିଁ ମଧ୍ୟରେ ମନୁଷ୍ୟର ସୃଷ୍ଟି କରିଅଛୁ; ଆମ୍ଭେ, ଆମ୍ଭର ହସ୍ତ ହିଁ ଆକାଶମଣ୍ଡଳ ବିସ୍ତୀର୍ଣ୍ଣ କରିଅଛି ଓ ତହିଁର ସକଳ ବିଷୟକୁ ଆମ୍ଭେ ଆଜ୍ଞା ଦେଇଅଛୁ ।
\s5
\v 13 ଆମ୍ଭେ ଧର୍ମରେ ତାହାକୁ ଉତ୍ପନ୍ନ କରିଅଛୁ ଓ ଆମ୍ଭେ ତାହାର ସକଳ ପଥ ସରଳ କରିବା; ସେ ଆମ୍ଭର ନଗର ନିର୍ମାଣ କରିବ ଓ ସେ ଆମ୍ଭର ନିର୍ବାସିତ ଲୋକମାନଙ୍କୁ ଛାଡ଼ି ଦେବ, ମୂଲ୍ୟ ନିମନ୍ତେ କିଅବା ପୁରସ୍କାର ନିମନ୍ତେ ନୁହେଁ," ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି ।
\s ସଦାପ୍ରଭୁ ଏକମାତ୍ର ତ୍ରାଣକର୍ତ୍ତା
\p
\s5
\v 14 ସଦାପ୍ରଭୁ ଏହି କଥା କହନ୍ତି, "ମିସରର ପରିଶ୍ରମର, କୂଶର ବାଣିଜ୍ୟର ଫଳ ଓ ଦୀର୍ଘକାୟ ସବାୟୀୟମାନେ ତୁମ୍ଭ ନିକଟକୁ ଆସିବେ ଓ ତୁମ୍ଭର ହେବେ; ସେମାନେ ତୁମ୍ଭର ପଶ୍ଚାଦ୍‍ଗାମୀ ହେବେ; ଶୃଙ୍ଖଳରେ ଆବଦ୍ଧ ହୋଇ ସେମାନେ ଆସିବେ; ପୁଣି, ସେମାନେ ତୁମ୍ଭକୁ ପ୍ରଣାମ କରିବେ ଓ ନିବେଦନ କରି କହିବେ, ନିଶ୍ଚୟ ପରମେଶ୍ୱର ତୁମ୍ଭ ମଧ୍ୟରେ ଅଛନ୍ତି; ତାହାଙ୍କ ବିନୁ ଆଉ କେହି ନାହିଁ, ଆଉ କେହି ପରମେଶ୍ୱର ନାହାନ୍ତି ।"
\v 15 ହେ ତ୍ରାଣକର୍ତ୍ତା, ଇସ୍ରାଏଲର ପରମେଶ୍ୱର, ତୁମ୍ଭେ ନିଶ୍ଚୟ ଆତ୍ମଗୋପନକାରୀ ପରମେଶ୍ୱର ଅଟ ।
\s5
\v 16 ସେମାନେ ଲଜ୍ଜିତ ହେବେ, ହଁ, ସେସମସ୍ତେ ବିବ୍ରତ ହେବେ; ପ୍ରତିମା ନିର୍ମାଣକାରୀ ସମସ୍ତେ ଏକାସଙ୍ଗେ ଅପମାନଗ୍ରସ୍ତ ହେବେ ।
\v 17 ମାତ୍ର ଇସ୍ରାଏଲ, ସଦାପ୍ରଭୁଙ୍କ ଦ୍ୱାରା ଅନନ୍ତକାଳସ୍ଥାୟୀ ପରିତ୍ରାଣ ପ୍ରାପ୍ତ ହେବ; ତୁମ୍ଭେମାନେ ଯୁଗଯୁଗାନ୍ତଯାଏ ଲଜ୍ଜିତ କିଅବା ବିବ୍ରତ ହେବ ନାହିଁ ।
\s5
\v 18 କାରଣ, ଆକାଶମଣ୍ଡଳର ସୃଷ୍ଟିକର୍ତ୍ତା ସଦାପ୍ରଭୁ ଏରୂପ କହନ୍ତି; ସେ ପରମେଶ୍ୱର ଅଟନ୍ତି; ସେ ପୃଥିବୀକୁ ନିର୍ମାଣ କରି ପ୍ରସ୍ତୁତ କଲେ; ସେ ତାହା ସ୍ଥାପନ କଲେ, ସେ ତାହା ଶୂନ୍ୟ କରି ସୃଷ୍ଟି ନ କରି ବସତି ସ୍ଥାନ ହେବା ପାଇଁ ନିର୍ମାଣ କଲେ, ଆମ୍ଭେ ସଦାପ୍ରଭୁ, ଆଉ ଦ୍ୱିତୀୟ କେହି ନାହିଁ ।
\s5
\v 19 ଆମ୍ଭେ ଗୋପନରେ ଅନ୍ଧକାରମୟ ଦେଶର କୌଣସି ସ୍ଥାନରେ କହି ନାହୁଁ; ତୁମ୍ଭେମାନେ ବୃଥାରେ ଆମ୍ଭର ଅନ୍ୱେଷଣ କର, ଏହା ଆମ୍ଭେ ଯାକୁବ ବଂଶକୁ କହି ନାହୁଁ, ଆମ୍ଭେ ସଦାପ୍ରଭୁ ଧର୍ମବାଦୀ, ଆମ୍ଭେ ସରଳ କଥା ପ୍ରକାଶ କରୁ ।
\s5
\v 20 ହେ ନାନା ଗୋଷ୍ଠୀ ମଧ୍ୟରୁ ରକ୍ଷାପ୍ରାପ୍ତ ଲୋକମାନେ, ତୁମ୍ଭେମାନେ ଏକତ୍ର ହୋଇ ଆସ, ଏକ ସଙ୍ଗେ ନିକଟକୁ ଆସ; ଯେଉଁମାନେ ଆପଣାମାନଙ୍କ ଖୋଦିତ ପ୍ରତିମାର କାଷ୍ଠ ବହି ବୁଲନ୍ତି ଓ ପରିତ୍ରାଣ କରିବାକୁ ଅସମର୍ଥ ଦେବତା ନିକଟରେ ପ୍ରାର୍ଥନା କରନ୍ତି, ସେମାନଙ୍କର କିଛି ଜ୍ଞାନ ନାହିଁ ।
\s5
\v 21 ତୁମ୍ଭେମାନେ ପ୍ରକାଶ କର ଓ ତାହା ଉପସ୍ଥିତ କର; ହଁ, ସେମାନେ ପରସ୍ପର ମନ୍ତ୍ରଣା କରନ୍ତୁ; ପୂର୍ବ କାଳରୁ କିଏ ଏହା ଜଣାଇଅଛି ? ପୁରାତନ କାଳରୁ କିଏ ଏହା ପ୍ରକାଶ କରିଅଛି ? ଆମ୍ଭେ ସଦାପ୍ରଭୁ କି ଏହା କରି ନାହୁଁ ? ଆମ୍ଭ ଛଡ଼ା ଅନ୍ୟ ପରମେଶ୍ୱର ନାହିଁ, ଆମ୍ଭେ ଧର୍ମଶୀଳ ପରମେଶ୍ୱର ଓ ତ୍ରାଣକର୍ତ୍ତା; ଆମ୍ଭ ଛଡ଼ା ଆଉ କେହି ନାହିଁ ।
\s5
\v 22 ହେ ପୃଥିବୀର ପ୍ରାନ୍ତସ୍ଥ ସମସ୍ତେ, ତୁମ୍ଭେମାନେ ଆମ୍ଭ ପ୍ରତି ଅନାଇ ପରିତ୍ରାଣ ପ୍ରାପ୍ତ ହୁଅ; କାରଣ ଆମ୍ଭେ ପରମେଶ୍ୱର, ଆମ୍ଭ ଛଡ଼ା ଦ୍ୱିତୀୟ ନାହିଁ ।
\v 23 ଆମ୍ଭେ ଆପଣା ନାମ ନେଇ ଶପଥ କରିଅଛୁ ଓ ଧର୍ମମୟ ବାକ୍ୟ ଆମ୍ଭ ମୁଖରୁ ନିର୍ଗତ ହୋଇଅଛି, ତାହା ଅନ୍ୟଥା ହେବ ନାହିଁ, ଆମ୍ଭ ଛାମୁରେ ପ୍ରତ୍ୟେକ ଆଣ୍ଠୁ ନତ ହେବ, ପ୍ରତ୍ୟେକ ଜିହ୍ୱା ଶପଥ କରିବ ।
\s5
\v 24 ଲୋକେ ଆମ୍ଭ ଉଦ୍ଦେଶ୍ୟରେ କହିବେ, "କେବଳ ସଦାପ୍ରଭୁଙ୍କଠାରେ ଧାର୍ମିକତା ଓ ଶକ୍ତି ଅଛି ।" ତାହାଙ୍କ ନିକଟକୁ ଲୋକମାନେ ଆସିବେ, ପୁଣି ଯେଉଁମାନେ ତାହାଙ୍କ ପ୍ରତି ବିରକ୍ତ ହୋଇଥିଲେ, ସେସମସ୍ତେ ଲଜ୍ଜିତ ହେବେ ।
\v 25 ଇସ୍ରାଏଲର ସମୁଦାୟ ବଂଶ ସଦାପ୍ରଭୁଙ୍କଠାରେ ଧାର୍ମିକୀକୃତ ହେବେ ଓ ଦର୍ପ କରିବେ ।
\s5
\c 46
\s ସଦାପ୍ରଭୁ ଏବଂ ବାବିଲର ଦେବତା
\p
\v 1 ବେଲ୍‍ ଦେବତା ଅବନତ ହୁଏ, ନବୋ ନତ ହୁଏ; ସେମାନଙ୍କ ପ୍ରତିମାଗଣ ଜନ୍ତୁ ଓ ପଶୁମାନଙ୍କ ଉପରେ ଥୁଆ ଯାଇଅଛନ୍ତି; ଯେଉଁ ଦ୍ରବ୍ୟମାନ ତୁମ୍ଭେମାନେ ବହି କରି ବୁଲିଲ, ତାହା ବୋଝ ହୋଇଅଛି, କ୍ଳାନ୍ତ ପଶୁ ପ୍ରତି ଭାର ହୋଇଅଛି ।
\v 2 ସେମାନେ ନତ ହୁଅନ୍ତି, ସେମାନେ ଏକତ୍ର ନତ ହୁଅନ୍ତି; ସେମାନେ ଭାର ରକ୍ଷା କରି ପାରିଲେ ନାହିଁ, ମାତ୍ର ଆପେ ବନ୍ଦୀ ହୋଇ ଯାଇଅଛନ୍ତି ।
\s5
\v 3 ହେ ଯାକୁବ ବଂଶ, ହେ ଇସ୍ରାଏଲ ବଂଶର ଅବଶିଷ୍ଟାଂଶ ସମସ୍ତେ, ଆମ୍ଭର କଥା ଶୁଣ; ତୁମ୍ଭେମାନେ ଉଦରସ୍ଥାୟୀ ହେବାଠାରୁ ଆମ୍ଭ ଦ୍ୱାରା ବହା ଯାଇଅଛ, ତୁମ୍ଭେମାନେ ଗର୍ଭରୁ ବହା ଯାଇଅଛ;
\v 4 ପୁଣି, ଆମ୍ଭେ ତୁମ୍ଭମାନଙ୍କର ବୃଦ୍ଧାବସ୍ଥା ପର୍ଯ୍ୟନ୍ତ ସେହି ଅଟୁ ଓ ପକ୍ୱ କେଶ ପର୍ଯ୍ୟନ୍ତ ହିଁ ଆମ୍ଭେ ତୁମ୍ଭମାନଙ୍କୁ ବହିବା; ଆମ୍ଭେ ନିର୍ମାଣ କରିଅଛୁ ଓ ଆମ୍ଭେ ବହିବା; ହଁ, ଆମ୍ଭେ ବହିବା ଓ ଉଦ୍ଧାର କରିବା ।
\s5
\v 5 ତୁମ୍ଭେମାନେ ଆମ୍ଭକୁ କାହାର ସଦୃଶ ଓ ସମାନ କରିବ ଓ କାହାର ସଙ୍ଗେ ଆମ୍ଭର ଉପମା ଦେଲେ, ଆମ୍ଭେମାନେ ସମାନ ହେବା ?
\v 6 ସେମାନେ ତୋଡ଼ାରୁ ସୁନା ଢାଳନ୍ତି ଓ ନିକ୍ତିରେ ରୂପା ତୌଲନ୍ତି, ସେମାନେ ସୁନାରୀକୁ ମୂଲ ଲଗାନ୍ତି ଓ ସେ ଗୋଟିଏ ଦେବତା ନିର୍ମାଣ କରେ; ସେମାନେ ଦଣ୍ଡବତ କରି ପୂଜା କରନ୍ତି ।
\s5
\v 7 ସେମାନେ ତାହାକୁ ସ୍କନ୍ଧରେ ବହି ନିଅନ୍ତି ଓ ତାହାକୁ ବହି ତାହାର ସ୍ଥାନରେ ତାହାକୁ ରଖନ୍ତି, ତହିଁରେ ସେ ଛିଡ଼ା ହୁଏ; ସେ ଆପଣା ସ୍ଥାନରୁ ଘୁଞ୍ଚିବ ନାହିଁ; ଆହୁରି, କେହି ତାହାକୁ ଡାକିଲେ ହେଁ ସେ ଉତ୍ତର ଦେଇ ପାରିବ ନାହିଁ, କିଅବା ସଙ୍କଟରୁ ଉଦ୍ଧାର କରି ପାରିବ ନାହିଁ ।
\s5
\v 8 ତୁମ୍ଭେମାନେ ଏହା ସ୍ମରଣ କର ଓ ପୁରୁଷତ୍ୱ ପ୍ରକାଶ କର; ହେ ଅଧର୍ମାଚାରୀମାନେ, ମନରେ କର ।
\v 9 ପୁରାତନ ବିଷୟସବୁ ସ୍ମରଣ କର; କାରଣ ଆମ୍ଭେ ହିଁ ପରମେଶ୍ୱର, ଦ୍ୱିତୀୟ ନାହିଁ; ଆମ୍ଭେ ପରମେଶ୍ୱର, ଆମ୍ଭ ତୁଲ୍ୟ କେହି ନାହିଁ;
\s5
\v 10 ଆମ୍ଭେ ଶେଷ ବିଷୟ ଆଦିଠାରୁ ପ୍ରକାଶ କରୁ, ପୁଣି ଯାହା ସାଧିତ ହୋଇ ନାହିଁ, ତାହା ପ୍ରାଚୀନ କାଳରୁ ଜଣାଉ, ଆଉ କହୁ, "ଆମ୍ଭର ମନ୍ତ୍ରଣା ସ୍ଥିର ହେବ ଓ ଆମ୍ଭେ ଆପଣାର ସକଳ ମନୋରଥ ସିଦ୍ଧ କରିବା,"
\v 11 ଆମ୍ଭେ ପୂର୍ବ ଦିଗରୁ ଉତ୍କ୍ରୋଶ ପକ୍ଷୀକୁ, ଦୂର ଦେଶରୁ ଆମ୍ଭ ମନ୍ତ୍ରଣାର ମନୁଷ୍ୟକୁ ଆହ୍ୱାନ କରୁ; ଆମ୍ଭେ କହିଅଛୁ, ଆଉ ଆମ୍ଭେ ତାହା ସିଦ୍ଧ କରିବା; ଆମ୍ଭେ କଳ୍ପନା କରିଅଛୁ, ଆଉ ଆମ୍ଭେ ତାହା ସଫଳ କରିବା ।
\s5
\v 12 ହେ ଧର୍ମରୁ ଦୂରବର୍ତ୍ତୀ କଠିନାନ୍ତଃକରଣ ଲୋକେ, ଆମ୍ଭର କଥା ଶୁଣ ।
\v 13 ଆମ୍ଭେ ଆପଣା ଧର୍ମ ନିକଟକୁ ଆଣୁଅଛୁ, ତାହା ଦୂରବର୍ତ୍ତୀ ହେବ ନାହିଁ ଓ ଆମ୍ଭ ପରିତ୍ରାଣର ବିଳମ୍ବ ହେବ ନାହିଁ; ଆମ୍ଭର ଗୌରବ ସ୍ୱରୂପ ଇସ୍ରାଏଲର ନିମନ୍ତେ ଆମ୍ଭେ ସିୟୋନରେ ପରିତ୍ରାଣ ସ୍ଥାପନ କରିବା ।
\s5
\c 47
\s ବାବିଲର ଲଜ୍ଜା
\p
\v 1 ଆଗୋ ବାବିଲର ଅନୂଢ଼ା କନ୍ୟେ, ତୁମ୍ଭେ ଓହ୍ଲାଇ ଧୂଳିରେ ବସ; ଆଗୋ କଲ୍‍ଦୀୟର କନ୍ୟେ, ସିଂହାସନ ବିନା, ଭୂମିରେ ବସ; କାରଣ ତୁମ୍ଭେ ଆଉ କୋମଳା ଓ ସୁକୁମାରୀ ବୋଲି ଖ୍ୟାତା ହେବ ନାହିଁ ।
\v 2 ଚକି ନେଇ ଶସ୍ୟ ପେଷ, ତୁମ୍ଭର ଓଢ଼ଣି କାଢ଼, ପୋଷାକ କାଢ଼ି ପକାଅ, ପାଦ ଅନାବୃତ କର, ନଦନଦୀରେ ଚାଲି କରି ଯାଅ ।
\s5
\v 3 ତୁମ୍ଭର ଉଲଙ୍ଗତା ପ୍ରକାଶିତ ହେବ, ହଁ, ତୁମ୍ଭର ଲଜ୍ଜାର ବିଷୟ ଦୃଶ୍ୟ ହେବ; ଆମ୍ଭେ ପରିଶୋଧ ନେବା, ପୁଣି କାହାରି ଅନୁରୋଧ ମାନିବା ନାହିଁ ।
\v 4 ଆମ୍ଭମାନଙ୍କର ମୁକ୍ତିଦାତା ଇସ୍ରାଏଲର ଧର୍ମସ୍ୱରୂପ, ସୈନ୍ୟାଧିପତି ସଦାପ୍ରଭୁ, ତାହାଙ୍କର ନାମ ।
\v 5 ଆଗୋ କଲ୍‍ଦୀୟମାନଙ୍କର କନ୍ୟେ, ତୁମ୍ଭେ ଅନ୍ଧାରକୁ ଯାଇ ତୁନି ହୋଇ ବସ; କାରଣ ରାଜ୍ୟ-ସମୂହର କର୍ତ୍ତୃତ୍ୱକାରିଣୀ ବୋଲି ତୁମ୍ଭେ ଆଉ ଖ୍ୟାତା ହେବ ନାହିଁ ।
\s5
\v 6 ଆମ୍ଭେ ଆପଣା ଲୋକମାନଙ୍କ ପ୍ରତି କ୍ରୁଦ୍ଧ ହୋଇ ଆପଣା ଅଧିକାର ଅପବିତ୍ର କଲୁ ଓ ତୁମ୍ଭ ହସ୍ତରେ ସେମାନଙ୍କୁ ସମର୍ପଣ କଲୁ; ତୁମ୍ଭେ ସେମାନଙ୍କ ପ୍ରତି କିଛି ଦୟା ପ୍ରକାଶ କଲ ନାହିଁ; ତୁମ୍ଭେ ବୃଦ୍ଧ ଲୋକ ଉପରେ ତୁମ୍ଭର ଯୁଆଳି ବଡ଼ ଭାରୀ କରି ଥୋଇଲ ।
\v 7 ପୁଣି, ତୁମ୍ଭେ କହିଲ, "ଆମ୍ଭେ ସଦାକାଳ କର୍ତ୍ତୃତ୍ୱକାରିଣୀ ହୋଇ ରହିବା; ଏହେତୁ ତୁମ୍ଭେ ଏସବୁ ବିଷୟରେ ମନୋଯୋଗ କଲ ନାହିଁ, କିଅବା ତହିଁର ଶେଷ ଫଳ ସ୍ମରଣ କଲ ନାହିଁ ।"
\s5
\v 8 ଏହେତୁ ଗୋ ସୁଖଭୋଗିନୀ, ଏବେ ଏହା ଶୁଣ, ତୁମ୍ଭେ ନିର୍ଭୟରେ ବାସ କରି ମନେ ମନେ କହୁଅଛ, "ଆମ୍ଭେ ଅଛୁ, ଆମ୍ଭ ଛଡ଼ା ଆଉ କେହି ନାହିଁ; ଆମ୍ଭେ ବିଧବା ପରି ବସିବା ନାହିଁ, କିଅବା ସନ୍ତାନ-ବିରହ ଜାଣିବା ନାହିଁ,"
\v 9 ମାତ୍ର ସନ୍ତାନ-ବିରହ ଓ ବୈଧବ୍ୟ ଏ ଦୁଇ ଏକ ମୁହୂର୍ତ୍ତରେ, ଏକ ଦିନରେ ତୁମ୍ଭ ପ୍ରତି ଘଟିବ; ତୁମ୍ଭର ଅପାର ଗଣକତା ଓ ଅତି ପ୍ରଚୁର ମାୟାବୀତ୍ୱ ଥିଲେ ହେଁ, ସେ ଦୁଇ ସମ୍ପୂର୍ଣ୍ଣ ପରିମାଣରେ ତୁମ୍ଭ ପ୍ରତି ଘଟିବ ।
\s5
\v 10 କାରଣ ତୁମ୍ଭେ ଆପଣା ଦୁଷ୍ଟତାରେ ନିର୍ଭର ରଖିଅଛ; ତୁମ୍ଭେ କହିଅଛ, କେହି ଆମ୍ଭକୁ ଦେଖୁ ନାହିଁ, ତୁମ୍ଭର ଜ୍ଞାନ ଓ ବିଦ୍ୟା ତୁମ୍ଭକୁ ବିପଥଗାମୀ କରିଅଛି; ପୁଣି ତୁମ୍ଭେ ଆପଣା ମନେ ମନେ କହିଅଛ, ଆମ୍ଭେ ଅଛୁ, ଆମ୍ଭ ଛଡ଼ା ଆଉ କେହି ନାହିଁ;
\v 11 ଏହେତୁ ତୁମ୍ଭ ପ୍ରତି ଦୁର୍ଦ୍ଦଶା ଘଟିବ, ତୁମ୍ଭେ ତହିଁର ଉଦୟ ଜାଣିବ ନାହିଁ; ପୁଣି, ତୁମ୍ଭ ଉପରେ ବିପଦ ପଡ଼ିବ, ତୁମ୍ଭେ ତାହା ଦୂର କରି ପାରିବ ନାହିଁ; ଆଉ, ଯାହା ତୁମ୍ଭେ ଜାଣୁ ନାହଁ, ଏପରି ବିନାଶ ହଠାତ୍‍ ତୁମ୍ଭ ଉପରେ ଘଟିବ ।
\s5
\v 12 ତୁମ୍ଭେ ବାଲ୍ୟ କାଳରୁ ଆପଣାର ଯେଉଁ ମାୟାବୀତ୍ୱ ଓ ଅପାର ଗଣକତାରେ ପରିଶ୍ରମ କରି ଆସିଅଛ, ଏବେ ତାହା ଅବଲମ୍ବନ କର । କେଜାଣି ଅବା ତୁମ୍ଭେ ଉପକାର ପାଇ ପାରିବ, କେଜାଣି ଅବା ତୁମ୍ଭେ ଜୟଯୁକ୍ତ ହୋଇ ପାରିବ ।
\v 13 ତୁମ୍ଭେ ଆପଣାର ଅପାର ମନ୍ତ୍ରଣାରେ କ୍ଳାନ୍ତ ହୋଇଅଛ; ଏବେ ଜ୍ୟୋତିଷମାନେ, ନକ୍ଷତ୍ରଦର୍ଶୀମାନେ, ମାସିକ ଶୁଭାଶୁଭବାଦୀମାନେ ଛିଡ଼ା ହେଉନ୍ତୁ ଓ ତୁମ୍ଭ ପ୍ରତି ଯାହା ଯାହା ଘଟିବ, ତହିଁରୁ ତୁମ୍ଭକୁ ରକ୍ଷା କରନ୍ତୁ ।
\s5
\v 14 ଦେଖ, ସେମାନେ କୁଟା ପରି ହେବେ; ଅଗ୍ନି ସେମାନଙ୍କୁ ଦଗ୍ଧ କରିବ; ସେମାନେ ଅଗ୍ନିଶିଖାର ବଳରୁ ଆପଣାମାନଙ୍କୁ ଉଦ୍ଧାର କରି ପାରିବେ ନାହିଁ । ତାହା ଉଷ୍ଣ ହେବା ନିମନ୍ତେ ଜ୍ୱଳନ୍ତ ଅଙ୍ଗାର ଅବା ତହିଁ ସମ୍ମୁଖରେ ବସିବା ନିମନ୍ତେ ଅଗ୍ନି ସ୍ୱରୂପ ହେବ ନାହିଁ ।
\v 15 ଯେଉଁ ଯେଉଁ ବିଷୟରେ ତୁମ୍ଭେ ପରିଶ୍ରମ କରିଅଛ, ସେସବୁ ତୁମ୍ଭ ପ୍ରତି ଏରୂପ ହେବ; ତୁମ୍ଭର ଯୌବନରୁ ଯେଉଁମାନେ ତୁମ୍ଭ ସହିତ ବାଣିଜ୍ୟ କରିଅଛନ୍ତି, ସେମାନଙ୍କର ପ୍ରତ୍ୟେକେ ଏଣେତେଣେ ଭ୍ରମଣ କରି ଆପଣା ଆପଣା ସ୍ଥାନକୁ ଯିବେ, ତୁମ୍ଭକୁ ରକ୍ଷା କରିବାକୁ କେହି ରହିବେ ନାହିଁ ।
\s5
\c 48
\s ଇସ୍ରାଏଲ ପରିଷ୍କୃତ
\p
\v 1 ହେ ଇସ୍ରାଏଲ ନାମରେ ଖ୍ୟାତ ଓ ଯିହୁଦାର ଜଳାଶୟରୁ ଉତ୍ପନ୍ନ ଯାକୁବ ବଂଶ, ତୁମ୍ଭେମାନେ ଏହି କଥା ଶୁଣ; ତୁମ୍ଭେମାନେ ସଦାପ୍ରଭୁଙ୍କ ନାମରେ ଶପଥ କରୁଅଛ ଓ ଇସ୍ରାଏଲର ପରମେଶ୍ୱରଙ୍କ ନାମ କୀର୍ତ୍ତନ କରୁଅଛ, ମାତ୍ର ସତ୍ୟରେ କିଅବା ଧାର୍ମିକତାରେ ନୁହେଁ ।
\v 2 କାରଣ ସେମାନେ ଆପଣାମାନଙ୍କୁ ପବିତ୍ର ନଗରର ଲୋକ ବୋଲି ଖ୍ୟାତ କରନ୍ତି ଓ ଇସ୍ରାଏଲର ପରମେଶ୍ୱରଙ୍କ ଉପରେ ନିର୍ଭର ରଖନ୍ତି; ତାହାଙ୍କର ନାମ ସୈନ୍ୟାଧିପତି ସଦାପ୍ରଭୁ ।
\s5
\v 3 ଆମ୍ଭେ ପୂର୍ବ କାଳର କଥା ପ୍ରାଚୀନ କାଳରୁ ପ୍ରକାଶ କରିଅଛୁ; ହଁ, ତାହା ଆମ୍ଭ ମୁଖରୁ ନିର୍ଗତ ହେଲା ଓ ତାହା ଆମ୍ଭେ ପ୍ରକାଶ କଲୁ; ଆମ୍ଭେ ତାହା କଲୁ ଓ ଅକସ୍ମାତ୍‍ ସେସବୁ ଘଟିଲା ।
\v 4 ତୁମ୍ଭେ ଅବାଧ୍ୟ, ତୁମ୍ଭର ଗ୍ରୀବା ଲୌହନଳୀ ଓ ତୁମ୍ଭର କପାଳ ପିତ୍ତଳ ସ୍ୱରୂପ ବୋଲି ଆମ୍ଭେ ଜାଣିଲୁ ।
\v 5 ଏଥିପାଇଁ ଆମ୍ଭେ ପ୍ରାଚୀନକାଳରୁ ତୁମ୍ଭ ପ୍ରତି ତାହା ପ୍ରକାଶ କଲୁ; ତାହା ଘଟିବା ପୂର୍ବେ ତୁମ୍ଭକୁ ଜଣାଇଲୁ; ନୋହିଲେ ଅବା ତୁମ୍ଭେ କୁହନ୍ତ, "ଆମ୍ଭର ଦେବତା ଏହା କରିଅଛି," "ଆମ୍ଭର ଖୋଦିତ ଓ ଛାଞ୍ଚରେ ଢଳା ପ୍ରତିମା ଏହା ଆଜ୍ଞା କରିଅଛି ।"
\s5
\v 6 ତୁମ୍ଭେ ଶୁଣିଅଛ; ଏହିସବୁ ଦେଖ ଓ ତୁମ୍ଭେମାନେ କି ତାହା ପ୍ରକାଶ କରିବ ନାହିଁ ? ଏହି ସମୟଠାରୁ ଆମ୍ଭେ ତୁମ୍ଭକୁ ନୂତନ ବିଷୟ, ଅର୍ଥାତ୍‍, ତୁମ୍ଭର ଅଜ୍ଞାତ ନିଗୂଢ଼ ବିଷୟ ଦେଖାଇ ଅଛୁ ।
\v 7 ସେହି ସବୁ ପୂର୍ବ କାଳରୁ ନୁହେଁ, ମାତ୍ର ଏବେ ସୃଷ୍ଟ ହେଲା; ଆଜି ଦିନର ପୂର୍ବେ ତୁମ୍ଭେ ତାହା ଶୁଣିଲ ନାହିଁ; ନୋହିଲେ ଅବା ଦେଖ, "ଆମ୍ଭେ ସେସବୁ ଜାଣିଲୁ ବୋଲି ତୁମ୍ଭେ କୁହନ୍ତ ।"
\s5
\v 8 ବାସ୍ତବିକ, ତୁମ୍ଭେ ଶୁଣିଲ ନାହିଁ; ତୁମ୍ଭେ ଜାଣିଲ ନାହିଁ; ପୂର୍ବରୁ ତୁମ୍ଭର କର୍ଣ୍ଣ ମୁକ୍ତ ହୋଇ ନ ଥିଲା; କାରଣ ତୁମ୍ଭେ ଯେ ଭାରୀ ବିଶ୍ୱାସଘାତକତା କଲ ଓ ଗର୍ଭରୁ ଅଧର୍ମାଚାରୀ ବୋଲି ବିଖ୍ୟାତ ହୋଇଥିଲ, ଏହା ଆମ୍ଭେ ଜାଣିଲୁ ।
\s5
\v 9 ଆମ୍ଭେ ଯେପରି ତୁମ୍ଭକୁ ଉଚ୍ଛିନ୍ନ ନ କରୁ, ଏଥିପାଇଁ ଆମ୍ଭେ ଆପଣା ନାମ ସକାଶୁ ଆପଣା କ୍ରୋଧ ସମ୍ବରଣ କରିବା ଓ ଆପଣା ପ୍ରଶଂସା ପାଇଁ ତୁମ୍ଭ ପ୍ରତି କ୍ଷାନ୍ତ ହେବା ।
\v 10 ଦେଖ, ଆମ୍ଭେ ତୁମ୍ଭକୁ ପରିଷ୍କାର କରିଅଛୁ, ମାତ୍ର ରୂପା ପରି ନୁହେଁ; ଆମ୍ଭେ ଦୁଃଖରୂପ ଉହ୍ମାଇରେ ତୁମ୍ଭକୁ ମନୋନୀତ କରିଅଛୁ ।
\v 11 ଆମ୍ଭେ ଆପଣା ସକାଶୁ, କେବଳ ଆପଣା ସକାଶୁ ତାହା କରିବା; କାରଣ ଆମ୍ଭର ନାମ କାହିଁକି ଅପବିତ୍ରୀକୃତ ହେବ ? ପୁଣି, ଆମ୍ଭେ ଆପଣା ଗୌରବ ଅନ୍ୟକୁ ଦେବା ନାହିଁ ।
\s ଇସ୍ରାଏଲ ପ୍ରତି ଈଶ୍ୱରଙ୍କ ଆହ୍ୱାନ
\p
\s5
\v 12 ହେ ଯାକୁବ, ହେ ଆମ୍ଭର ଆହୂତ ଇସ୍ରାଏଲ, ଆମ୍ଭ ବାକ୍ୟରେ ମନୋଯୋଗ କରନ୍ତ ଆମ୍ଭେ ସେହି ଅଟୁ; ଆମ୍ଭେ ଆଦି, ଆମ୍ଭେ ହିଁ ଅନ୍ତ ।
\v 13 ଆହୁରି, ଆମ୍ଭର ହସ୍ତ ପୃଥିବୀର ଭିତ୍ତିମୂଳ ସ୍ଥାପନ କରିଅଛି ଓ ଆମ୍ଭର ଡାହାଣ ହସ୍ତ ଗଗନମଣ୍ଡଳ ବିସ୍ତାର କରିଅଛି; ଆମ୍ଭେ ସେମାନଙ୍କୁ ଡାକିଲେ, ସେମାନେ ଏକତ୍ର ଛିଡ଼ା ହୁଅନ୍ତି ।
\s5
\v 14 ତୁମ୍ଭେ ସମସ୍ତେ ଏକତ୍ର ହୋଇ ଶୁଣ; ସେମାନଙ୍କ ମଧ୍ୟରେ କିଏ ଏହିସବୁ ପ୍ରକାଶ କରିଅଛି ? ସଦାପ୍ରଭୁ ତାହାକୁ ପ୍ରେମ କରିଅଛନ୍ତି; ସେ ବାବିଲ ଉପରେ ତାହାଙ୍କର ମନୋରଥ ସିଦ୍ଧ କରିବ ଓ କଲ୍‍ଦୀୟମାନଙ୍କ ଉପରେ ତାହାଙ୍କର ବାହୁ ରହିବ ।
\v 15 ଆମ୍ଭେ, ଆମ୍ଭେ ହିଁ ବାକ୍ୟ କହିଅଛୁ; ହଁ, ଆମ୍ଭେ ତାହାକୁ ଆହ୍ୱାନ କରିଅଛୁ; ଆମ୍ଭେ ତାହାକୁ ଆଣିଅଛୁ, ଆଉ ସେ ଆପଣା ପଥରେ କୃତକାର୍ଯ୍ୟ ହେବ ।
\s5
\v 16 ତୁମ୍ଭେମାନେ ଆମ୍ଭ ନିକଟକୁ ଆସି ଏହି କଥା ଶୁଣ; ଆମ୍ଭେ ପ୍ରଥମରୁ ଗୋପନରେ କହି ନାହୁଁ; ତାହା ହେଉଥିବା ସମୟରୁ ଆମ୍ଭେ ସେଠାରେ ଅଛୁ; ପୁଣି, ଏବେ ପ୍ରଭୁ, ସଦାପ୍ରଭୁ ମୋତେ ଓ ତାହାଙ୍କ ଆତ୍ମାକୁ ପ୍ରେରଣ କରିଅଛନ୍ତି ।
\s ତାଙ୍କ ଲୋକମାନଙ୍କ ପାଇଁ ସଦାପ୍ରଭୁଙ୍କ ଯୋଜନା
\p
\s5
\v 17 ସଦାପ୍ରଭୁ ତୁମ୍ଭର ମୁକ୍ତିଦାତା, ଇସ୍ରାଏଲର ଧର୍ମସ୍ୱରୂପ, ଏହି କଥା କହନ୍ତି; "ଆମ୍ଭେ ସଦାପ୍ରଭୁ, ତୁମ୍ଭ ପରମେଶ୍ୱର, ତୁମ୍ଭକୁ ଉପକାରଜନକ ଶିକ୍ଷା ଦେଉ, ତୁମ୍ଭର ଗନ୍ତବ୍ୟ ପଥରେ ତୁମ୍ଭକୁ ଗମନ କରାଉ ।
\v 18 ଆଃ, ତୁମ୍ଭେ ଯଦି ଆମ୍ଭ ଆଜ୍ଞାରେ ମନୋଯୋଗ କରିଥା'ନ୍ତ ! ତେବେ ତୁମ୍ଭର ଶାନ୍ତି ନଦୀ ତୁଲ୍ୟ ଓ ତୁମ୍ଭର ଧାର୍ମିକତା ସମୁଦ୍ରର ତରଙ୍ଗ ତୁଲ୍ୟ ହୋଇଥା'ନ୍ତା;
\s5
\v 19 ତୁମ୍ଭର ବଂଶ ମଧ୍ୟ ବାଲୁକା ତୁଲ୍ୟ ଓ ତୁମ୍ଭର ଔରସଜାତ ସନ୍ତାନଗଣ ତହିଁର କଣିକାସମୂହର ତୁଲ୍ୟ ହୋଇଥା'ନ୍ତେ; ତାହାର ନାମ ଆମ୍ଭ ସମ୍ମୁଖରୁ ଉଚ୍ଛିନ୍ନ କିଅବା ବିନଷ୍ଟ ହୋଇ ନ ଥା'ନ୍ତା ।
\s5
\v 20 ତୁମ୍ଭେମାନେ ବାବିଲରୁ ବାହାରି ଯାଅ, କଲଦୀୟମାନଙ୍କ ମଧ୍ୟରୁ ପଳାଅ; ତୁମ୍ଭେମାନେ ଗାୟନ ଧ୍ୱନିରେ ପ୍ରଚାର କରି ଜଣାଅ, ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ ଏହା ପ୍ରକାଶ କର; ତୁମ୍ଭେମାନେ କୁହ, ସଦାପ୍ରଭୁ ଆପଣା ଦାସ ଯାକୁବକୁ ମୁକ୍ତ କରିଅଛନ୍ତି ।"
\s5
\v 21 ପୁଣି, ସେ ମରୁଭୂମି ଦେଇ ସେମାନଙ୍କୁ ଗମନ କରାଇବା ବେଳେ ସେମାନେ ତୃଷାର୍ତ୍ତ ନୋହିଲେ, ସେ ସେମାନଙ୍କ ନିମନ୍ତେ ଶୈଳରୁ ଜଳସ୍ରୋତ ବୁହାଇଲେ, ଆହୁରି ସେ ଶୈଳକୁ ବିଦୀର୍ଣ୍ଣ କଲେ, ପୁଣି ତହିଁରୁ ଜଳ ନିର୍ଗତ ହେଲା ।
\v 22 ସଦାପ୍ରଭୁ କହନ୍ତି, "ଦୁଷ୍ଟ ଲୋକମାନଙ୍କର କିଛି ଶାନ୍ତି ନାହିଁ ।"
\s5
\c 49
\s ସଦାପ୍ରଭୁଙ୍କ ଦାସ
\p
\v 1 ହେ ଦ୍ୱୀପସମୂହ, ମୋ' କଥା ଶୁଣ; ହେ ଦୂରସ୍ଥ ଗୋଷ୍ଠୀସମୂହ, ମନୋଯୋଗ କର; ମୁଁ ଗର୍ଭସ୍ଥ ହେବା ସମୟଠାରୁ ସଦାପ୍ରଭୁ ମୋତେ ଆହ୍ୱାନ କରିଅଛନ୍ତି; ମୁଁ ମାତାଙ୍କ ଉଦରରୁ ଭୂମିଷ୍ଠ ହେବା ସମୟଠାରୁ ସେ ମୋହର ନାମ ଉଲ୍ଲେଖ କରିଅଛନ୍ତି;
\v 2 ପୁଣି, ସେ ମୋର ମୁଖ ତୀକ୍ଷ୍‍ଣ ଖଡ଼୍‍ଗ ସ୍ୱରୂପ କରିଅଛନ୍ତି, ଆପଣା ହସ୍ତର ଛାୟାରେ ସେ ମୋତେ ଲୁଚାଇଅଛନ୍ତି ଓ ସେ ମୋତେ ଶାଣିତ ତୀର ସ୍ୱରୂପ କରି ଆପଣା ତୂଣରେ ଘୋଡ଼ାଇ ରଖିଅଛନ୍ତି;
\s5
\v 3 ପୁଣି, ସେ ମୋତେ କହିଲେ, "ତୁମ୍ଭେ ଆମ୍ଭର ଦାସ; ତୁମ୍ଭେ ଇସ୍ରାଏଲ, ତୁମ୍ଭ ଦ୍ୱାରା ଆମ୍ଭେ ମହିମାନ୍ୱିତ ହେବା ।"
\v 4 ମାତ୍ର ମୁଁ କହିଲି, ମୁଁ ବ୍ୟର୍ଥରେ ପରିଶ୍ରମ କରିଅଛି, ମୁଁ ନିରର୍ଥକ ଓ ଅସାରତାରେ ମୋହର ଶକ୍ତି ବ୍ୟୟ କରିଅଛି; ତଥାପି ନିଶ୍ଚୟ ମୋହର ବିଚାର ସଦାପ୍ରଭୁଙ୍କ ନିକଟରେ ଓ ମୋହର କର୍ମର ଫଳ ମୋହର ପରମେଶ୍ୱରଙ୍କଠାରେ ଅଛି ।
\s5
\v 5 ପୁଣି, ମୋତେ ତାହାଙ୍କର ସେବକ ହେବା ପାଇଁ ଓ ଯାକୁବକୁ ତାହାଙ୍କ ନିକଟକୁ ଆଣିବା ପାଇଁ ଓ ଇସ୍ରାଏଲ ତାହାଙ୍କ ନିକଟରେ ସଂଗୃହୀତ ହେବା ପାଇଁ ଯେ ମୋତେ ଗର୍ଭରୁ ନିର୍ମାଣ କଲେ, ସେହି ସଦାପ୍ରଭୁ ଏବେ କହନ୍ତି; (କାରଣ ମୁଁ ସଦାପ୍ରଭୁଙ୍କ ଦୃଷ୍ଟିରେ ଆଦରଣୀୟ ଅଟେ ଓ ମୋହର ପରମେଶ୍ୱର ମୋହର ବଳ ସ୍ୱରୂପ ହୋଇଅଛନ୍ତି;)
\v 6 ଏଣୁ ସେ କହନ୍ତି, "ତୁମ୍ଭେ ଯେ ଯାକୁବର ଗୋଷ୍ଠୀବର୍ଗକୁ ଉତ୍‍ଥାପନ କରିବା ପାଇଁ ଓ ଇସ୍ରାଏଲର ରକ୍ଷିତ ଲୋକମାନଙ୍କୁ ପୁନର୍ବାର ଆଣିବା ପାଇଁ ଆମ୍ଭର ସେବକ ହେବ, ଏହା ଅତି କ୍ଷୁଦ୍ର ବିଷୟ; ତୁମ୍ଭେ ପୃଥିବୀର ସୀମା ପର୍ଯ୍ୟନ୍ତ ଯେପରି ଆମ୍ଭର କୃତ ପରିତ୍ରାଣ ସ୍ୱରୂପ ହେବ, ଏଥିପାଇଁ ଆମ୍ଭେ ତୁମ୍ଭକୁ ଅନ୍ୟ ଦେଶୀୟମାନଙ୍କର ଦୀପ୍ତି ସ୍ୱରୂପ ମଧ୍ୟ କରିବା ।"
\s5
\v 7 ଯାହାକୁ ମନୁଷ୍ୟ ଅବଜ୍ଞା କରେ, ଯାହାକୁ ଦେଶୀୟ ଲୋକମାନେ ଘୃଣା କରନ୍ତି, ଯେ ଶାସନକର୍ତ୍ତାମାନଙ୍କର ଦାସ, ତାହାକୁ ଇସ୍ରାଏଲର ମୁକ୍ତିଦାତା ଓ ତାହାର ଧର୍ମସ୍ୱରୂପ ସଦାପ୍ରଭୁ ଏହି କଥା କହନ୍ତି, "ବିଶ୍ୱାସନୀୟ ଓ ଇସ୍ରାଏଲର ଧର୍ମସ୍ୱରୂପ ଯେଉଁ ସଦାପ୍ରଭୁ ତୁମ୍ଭକୁ ମନୋନୀତ କରିଅଛନ୍ତି, ତାହାଙ୍କ ସକାଶୁ ରାଜାମାନେ ତୁମ୍ଭକୁ ଦେଖିଲେ ଉଠିବେ; ଅଧିପତିମାନେ ତୁମ୍ଭକୁ ପ୍ରଣାମ କରିବେ ।"
\s ଇସ୍ରାଏଲର ପୁନଃସ୍ଥାପନ
\p
\s5
\v 8 ସଦାପ୍ରଭୁ ଏହି କଥା କହନ୍ତି, "ଆମ୍ଭେ ଗ୍ରାହ୍ୟ ସମୟରେ ତୁମ୍ଭକୁ ଉତ୍ତର ଦେଇଅଛୁ ଓ ପରିତ୍ରାଣ ଦିନରେ ଆମ୍ଭେ ତୁମ୍ଭର ସାହାଯ୍ୟ କରିଅଛୁ; ପୁଣି, ଆମ୍ଭେ ତୁମ୍ଭକୁ ରକ୍ଷା କରିବା ଓ ଦେଶର ଉନ୍ନତି ସାଧନ ନିମନ୍ତେ, ଲୋକମାନଙ୍କୁ ସେମାନଙ୍କର ଧ୍ୱଂସିତ ଉତ୍ତରାଧିକାର ଭୋଗ କରାଇବା ନିମନ୍ତେ ଆମ୍ଭେ ତୁମ୍ଭକୁ ଲୋକମାନଙ୍କର ନିୟମ ସ୍ୱରୂପ ନିଯୁକ୍ତ କରିବା;
\s5
\v 9 ତୁମ୍ଭେ ବନ୍ଦୀଗଣକୁ ବାହାରି ଯାଅ ବୋଲି, ଅନ୍ଧକାରସ୍ଥିତ ଲୋକମାନଙ୍କୁ ଆପଣାମାନଙ୍କୁ ଦେଖାଅ ବୋଲି କହିବ । ସେମାନେ ପଥରେ ଚରିବେ ଓ ବୃକ୍ଷଶୂନ୍ୟ ଉଚ୍ଚସ୍ଥଳୀସକଳ ସେମାନଙ୍କର ଚରାସ୍ଥାନ ହେବ ।
\s5
\v 10 ସେମାନେ କ୍ଷୁଧାର୍ତ୍ତ କି ତୃଷାର୍ତ୍ତ ହେବେ ନାହିଁ; କିଅବା ଗ୍ରୀଷ୍ମ ଅଥବା ସୂର୍ଯ୍ୟତାପ ସେମାନଙ୍କୁ କାଟିବ ନାହିଁ; କାରଣ ଯେ ସେମାନଙ୍କୁ ଦୟା କରନ୍ତି, ସେ ସେମାନଙ୍କୁ ଚଳାଇବେ, ଜଳ ନିର୍ଝର ନିକଟ ଦେଇ ସେ ସେମାନଙ୍କୁ କଢ଼ାଇ ନେବେ ।
\v 11 ପୁଣି, ଆମ୍ଭେ ଆପଣାର ପର୍ବତସବୁକୁ ଏକ ପଥ କରିବା ଓ ଆମ୍ଭର ରାଜପଥ ସକଳ ଉଚ୍ଚ କରାଯିବ ।
\s5
\v 12 ଦେଖ, ଏମାନେ ଦୂରରୁ ଆସିବେ; ଆଉ ଦେଖ, ଏମାନେ ଉତ୍ତର ଓ ପଶ୍ଚିମ ଦିଗରୁ ଆସିବେ; ପୁଣି, ଏମାନେ ସୀନୀମ୍‍ ଦେଶରୁ ଆସିବେ ।
\v 13 ହେ ଆକାଶମଣ୍ଡଳ, ଗାନ କର; ହେ ପୃଥିବୀ, ଉଲ୍ଲସିତ ହୁଅ; ହେ ପର୍ବତମାଳ, ଉଚ୍ଚସ୍ୱରେ ଗାନ କର; କାରଣ ସଦାପ୍ରଭୁ ଆପଣା ଲୋକମାନଙ୍କୁ ସାନ୍ତ୍ୱନା କରିଅଛନ୍ତି ଓ ଆପଣାର କ୍ଳିଷ୍ଟ ଲୋକମାନଙ୍କୁ କରୁଣା କରିବେ ।
\s5
\v 14 ମାତ୍ର ସିୟୋନ କହିଲା, ସଦାପ୍ରଭୁ ମୋତେ ତ୍ୟାଗ କରିଅଛନ୍ତି, ପ୍ରଭୁ ମୋତେ ପାସୋରି ଅଛନ୍ତି ।"
\v 15 ସ୍ତ୍ରୀଲୋକ ଆପଣା ଗର୍ଭଜାତ ପୁତ୍ରକୁ ସ୍ନେହ ନ କରି କି ଆପଣା ସ୍ତନ୍ୟପାୟୀ ଶିଶୁକୁ ପାସୋରି ପାରିବ ? ହଁ, ଏମାନେ ପାସୋରି ପାରନ୍ତି, ତଥାପି ଆମ୍ଭେ ତୁମ୍ଭକୁ ପାସୋରିବା ନାହିଁ ।
\s5
\v 16 ଦେଖ, ଆମ୍ଭେ ଆପଣା ହସ୍ତଦ୍ୱୟର ପାପୁଲିରେ ତୁମ୍ଭର ଆକୃତି ଲେଖିଅଛୁ; ତୁମ୍ଭର ପ୍ରାଚୀର ସର୍ବଦା ଆମ୍ଭ ସମ୍ମୁଖରେ ଅଛି ।
\v 17 ତୁମ୍ଭର ସନ୍ତାନମାନେ ଶୀଘ୍ର ଆସୁଅଛନ୍ତି, ତୁମ୍ଭର ଉତ୍ପାଟନକାରୀମାନେ ଓ ଯେଉଁମାନେ ତୁମ୍ଭକୁ ଉତ୍ସନ୍ନ କଲେ, ସେମାନେ ତୁମ୍ଭ ମଧ୍ୟରୁ ବାହାରି ଯିବେ ।
\v 18 ତୁମ୍ଭେ ଚକ୍ଷୁ ମେଲାଇ ଚତୁର୍ଦ୍ଦିଗ ଦେଖ; ଏସମସ୍ତେ ଏକତ୍ରିତ ହୋଇ ତୁମ୍ଭ ନିକଟକୁ ଆସୁଅଛନ୍ତି । ସଦାପ୍ରଭୁ କହନ୍ତି, "ଆମ୍ଭେ ଜୀବିତ ଥିବା ପ୍ରମାଣେ ତୁମ୍ଭେ ଭୂଷଣ ତୁଲ୍ୟ ଏହି ସମସ୍ତଙ୍କୁ ପରିଧାନ କରିବ, ପୁଣି କନ୍ୟାର କଟିଭୂଷଣ ତୁଲ୍ୟ ସେମାନଙ୍କୁ ଧାରଣ କରିବ ।
\s5
\v 19 କାରଣ ନିଶ୍ଚୟ ଏବେ ତୁମ୍ଭେ, ତୁମ୍ଭ ଉତ୍ସନ୍ନ ଓ ଶୂନ୍ୟ ସ୍ଥାନସକଳ ଓ ତୁମ୍ଭର ନଷ୍ଟ ଦେଶ, ନିବାସୀଗଣ ନିମନ୍ତେ ସଂକୀର୍ଣ୍ଣ ହେବ ଓ ତୁମ୍ଭର ଗ୍ରାସକାରୀମାନେ ଦୂରରେ ରହିବେ ।
\v 20 ତୁମ୍ଭର ଅପହୃତ ସନ୍ତାନଗଣ ପୁନର୍ବାର ତୁମ୍ଭ କର୍ଣ୍ଣଗୋଚରରେ କହିବେ, ମୋ' ପାଇଁ ଏହି ସ୍ଥାନ ଅତି ସଂକୀର୍ଣ୍ଣ; ମୋତେ ସ୍ଥାନ ଦିଅ, ମୁଁ ବାସ କରିବି ।
\s5
\v 21 ସେତେବେଳେ ତୁମ୍ଭେ ମନେ ମନେ କହିବ, ମୋର ସନ୍ତାନଗଣ ଅପହୃତ ହୋଇଅଛନ୍ତି, ମୁଁ ଏକାକିନୀ, ନିର୍ବାସିତା ହୋଇ ଏଣେତେଣେ ଭ୍ରମଣ କରୁଅଛି, ମୋହର ଏହି ସମସ୍ତଙ୍କୁ କିଏ ଜନ୍ମ ଦେଇଅଛି ? ଓ ଏମାନଙ୍କୁ କିଏ ପ୍ରତିପାଳନ କରିଅଛି ? ଦେଖ, ମୁଁ ଏକାକିନୀ ଅବଶିଷ୍ଟା ଥିଲି; ଏମାନେ କେଉଁଠାରେ ଥିଲେ ?"
\s5
\v 22 ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ଅନ୍ୟ ଦେଶୀୟମାନଙ୍କ ପ୍ରତି ଆପଣା ହସ୍ତ ଉଠାଇବା ଓ ଗୋଷ୍ଠୀସମୂହର ପ୍ରତି ଆପଣା ଧ୍ୱଜା ଟେକିବା; ତହିଁରେ ସେମାନେ ତୁମ୍ଭ ପୁତ୍ରଗଣକୁ କୋଳରେ ଆଣିବେ ଓ ତୁମ୍ଭର କନ୍ୟାଗଣ ସେମାନଙ୍କ ସ୍କନ୍ଧରେ ବୁହାଯିବେ ।
\s5
\v 23 ପୁଣି, ରାଜଗଣ ତୁମ୍ଭର ପାଳନକାରୀ ପିତା ଓ ସେମାନଙ୍କର ରାଣୀମାନେ ତୁମ୍ଭର ପାଳନକାରିଣୀ ମାତା ହେବେ; ସେମାନେ ଭୂମିକୁ ମୁଖ କରି ତୁମ୍ଭକୁ ପ୍ରଣାମ କରିବେ ଓ ତୁମ୍ଭ ପାଦର ଧୂଳି ଚାଟିବେ; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଓ ଆମ୍ଭର ଅପେକ୍ଷାକାରୀମାନେ ଯେ ଲଜ୍ଜିତ ହେବେ ନାହିଁ, ଏହା ତୁମ୍ଭେ ଜାଣିବ ।
\s5
\v 24 ବୀରଠାରୁ କି ଲୁଟିତିତ ଦ୍ରବ୍ୟ ହରଣ କରାଯିବ, ଅବା ନ୍ୟାୟରେ ବନ୍ଦୀକୃତ ଲୋକମାନେ କି ମୁକ୍ତ କରାଯିବେ ?
\v 25 ମାତ୍ର ସଦାପ୍ରଭୁ ଏହି କଥା କହନ୍ତି, "ବୀରର ବନ୍ଦୀକୃତ ଲୋକମାନେ ହିଁ ଅପହୃତ ହେବେ ଓ ଭୟଙ୍କର ଲୋକର ଲୁଟିତିତ ଦ୍ରବ୍ୟ ମୁକୁଳା ଯିବ; କାରଣ ତୁମ୍ଭ ବିରୋଧକାରୀର ସଙ୍ଗେ ଆମ୍ଭେ ବିରୋଧ କରିବା ଓ ତୁମ୍ଭ ସନ୍ତାନଗଣକୁ ଆମ୍ଭେ ରକ୍ଷା କରିବା ।
\s5
\v 26 ପୁଣି, ଆମ୍ଭେ ତୁମ୍ଭର ଉପଦ୍ରବକାରୀମାନଙ୍କୁ ସେମାନଙ୍କର ନିଜ ମାଂସ ଭୋଜନ କରାଇବା ଓ ମିଷ୍ଟ ଦ୍ରାକ୍ଷାରସରେ ମତ୍ତ ହେବା ତୁଲ୍ୟ ସେମାନେ ନିଜ ରକ୍ତରେ ମତ୍ତ ହେବେ; ତହିଁରେ ଆମ୍ଭେ ଯେ ସଦାପ୍ରଭୁ, ତୁମ୍ଭର ତ୍ରାଣକର୍ତ୍ତା ଓ ତୁମ୍ଭର ମୁକ୍ତିଦାତା, ଯାକୁବର ବଳଦାତା, ଏହା ସର୍ବ ପ୍ରାଣୀ ଜାଣିବେ ।"
\s5
\c 50
\s ଇସ୍ରାଏଲର ପାପ ଏବଂ ସଦାପ୍ରଭୁଙ୍କ ଆଜ୍ଞାବହ ଦାସ
\p
\v 1 ସଦାପ୍ରଭୁ ଏହି କଥା କହନ୍ତି, "ଆମ୍ଭେ ଯେଉଁ ପତ୍ର ଦ୍ୱାରା ତୁମ୍ଭମାନଙ୍କ ମାତାକୁ ତ୍ୟାଗ କରିଅଛୁ, ତାହାର ସେହି ଛାଡ଼ପତ୍ର କାହିଁ ? ଅଥବା ଆମ୍ଭ ବ୍ୟବସାୟୀମାନଙ୍କ ମଧ୍ୟରୁ କାହା ନିକଟରେ ତୁମ୍ଭମାନଙ୍କୁ ବିକ୍ରୟ କରିଅଛୁ ? ଦେଖ, ତୁମ୍ଭେମାନେ ନିଜ ଅପରାଧ ସକାଶୁ ବିକ୍ରୀତ ହୋଇଥିଲ ଓ ତୁମ୍ଭମାନଙ୍କ ଅଧର୍ମ ସକାଶୁ ତୁମ୍ଭମାନଙ୍କର ମାତା ତ୍ୟକ୍ତା ହୋଇଥିଲା ।
\s5
\v 2 ଆମ୍ଭେ ଆସିଲା ବେଳେ କାହିଁକି କେହି ଉପସ୍ଥିତ ନ ଥିଲା ? ଆମ୍ଭେ ଡାକିଲା ବେଳେ କାହିଁକି କେହି ଉତ୍ତର ଦେବାକୁ ନ ଥିଲା ? ଆମ୍ଭର ହସ୍ତ କି କିଛି ଛୋଟ ହୋଇଅଛି ଯେ, ତାହା ମୁକ୍ତ କରି ନ ପାରେ ? କିଅବା ଉଦ୍ଧାର କରିବା ପାଇଁ କି ଆମ୍ଭର ପରାକ୍ରମ ନାହିଁ ? ଦେଖ, ଆମ୍ଭେ ଧମକରେ ସମୁଦ୍ରକୁ ଶୁଷ୍କ କରୁ, ଆମ୍ଭେ ନଦନଦୀକୁ ପ୍ରାନ୍ତର କରୁ; ସେଠାସ୍ଥିତ ମତ୍ସ୍ୟ ଜଳ ଅଭାବରେ ତୃଷାର୍ତ୍ତ ହୋଇ ମରିଯାଇ ଦୁର୍ଗନ୍ଧ ହୁଏ ।
\v 3 ଆମ୍ଭେ ଆକାଶମଣ୍ଡଳକୁ କାଳିମା ପିନ୍ଧାଉ ଓ ଚଟବସ୍ତ୍ରକୁ ସେହି ସବୁର ଆଚ୍ଛାଦନ କରୁ ।"
\s5
\v 4 ମୁଁ ଯେପରି କ୍ଳାନ୍ତ ଲୋକକୁ ବାକ୍ୟ ଦ୍ୱାରା ସୁସ୍ଥିର କରି ପାରିବି, ଏଥିପାଇଁ ପ୍ରଭୁ, ସଦାପ୍ରଭୁ ମୋତେ ଶିକ୍ଷିତ ଲୋକମାନଙ୍କର ଜିହ୍ୱା ଦେଇଅଛନ୍ତି; ସେ ପ୍ରତି ପ୍ରଭାତ ଜାଗ୍ରତ କରାନ୍ତି, ଶିକ୍ଷିତ ଲୋକ ପରି ଶୁଣିବା ପାଇଁ ସେ ମୋହର କର୍ଣ୍ଣକୁ ଜାଗ୍ରତ କରାନ୍ତି ।
\s5
\v 5 ପ୍ରଭୁ, ସଦାପ୍ରଭୁ ମୋହର କର୍ଣ୍ଣ ଫିଟାଇ ଅଛନ୍ତି, ପୁଣି ମୁଁ ବିରୁଦ୍ଧାଚାରୀ ହୋଇ ନାହିଁ, କିଅବା ପଛକୁ ଫେରି ନାହିଁ ।
\v 6 ମୁଁ ପ୍ରହାରକ ପ୍ରତି ଆପଣା ପିଠି, ଦାଢ଼ି ଉପାଡ଼ିବା ଲୋକମାନଙ୍କ ପ୍ରତି ଆପଣା ଗାଲ ପାତି ଦେଲି; ମୁଁ ଅପମାନ ଓ ଥୁଥୁରୁ ମୋହର ମୁଖ ଲୁଚାଇ ନାହିଁ ।
\s5
\v 7 କାରଣ ପ୍ରଭୁ, ସଦାପ୍ରଭୁ ମୋହର ସାହାଯ୍ୟ କରିବେ; ଏଥିପାଇଁ ମୁଁ ବିବ୍ରତ ହୋଇ ନାହିଁ; ଏଥିପାଇଁ ମୁଁ ଚକ୍‍ମକି ପଥର ପରି ଆପଣା ମୁଖ ରଖିଅଛି, ଆଉ ମୁଁ ଯେ ଲଜ୍ଜିତ ନୋହିବି, ଏହା ଜାଣେ ।
\s5
\v 8 ଯେ ମୋତେ ଧାର୍ମିକ କରନ୍ତି, ସେ ନିକଟବର୍ତ୍ତୀ; କିଏ ମୋ' ସଙ୍ଗରେ ବିରୋଧ କରିବ ? ଆସ, ଆମ୍ଭେମାନେ ଏକତ୍ର ଠିଆ ହେଉ; ମୋହର ବିପକ୍ଷ କିଏ ? ସେ ମୋହର ନିକଟକୁ ଆସୁ ।
\v 9 ଦେଖ, ପ୍ରଭୁ, ସଦାପ୍ରଭୁ ମୋହର ସାହାଯ୍ୟ କରିବେ; ମୋତେ ଦୋଷୀ କରିବ କିଏ ? ଦେଖ, ସେସମସ୍ତେ ବସ୍ତ୍ର ପରି ଜୀର୍ଣ୍ଣ ହେବେ; କୀଟ ସେମାନଙ୍କୁ ଗ୍ରାସ କରିବ ।
\s5
\v 10 ଯେ ସଦାପ୍ରଭୁଙ୍କୁ ଭୟ କରେ ଓ ତାହାଙ୍କ ସେବକର ବାକ୍ୟ ପାଳନ କରେ, ତୁମ୍ଭମାନଙ୍କ ମଧ୍ୟରେ ଏପରି କିଏ ଅଛି ? ଯେଉଁ ଲୋକ ଅନ୍ଧକାରରେ ଗମନ କରେ ଓ ଦୀପ୍ତିପ୍ରାପ୍ତ ନ ହୁଏ, ସେ ସଦାପ୍ରଭୁଙ୍କ ନାମରେ ବିଶ୍ୱାସ କରୁ ଓ ଆପଣା ପରମେଶ୍ୱରଙ୍କ ଉପରେ ନିର୍ଭର ଦେଉ ।
\s5
\v 11 ଅଗ୍ନି ଜ୍ୱଳାଉଅଛ, ଅଗ୍ନିଖୁଣ୍ଟାରେ ଆପଣାମାନଙ୍କୁ ବେଷ୍ଟନ କରୁଅଛ ଯେ ତୁମ୍ଭେମାନେ, ତୁମ୍ଭେ ସମସ୍ତେ ଦେଖ : ତୁମ୍ଭେମାନେ ଆପଣାମାନଙ୍କ ଅଗ୍ନିଶିଖା ଓ ଆପଣାମାନଙ୍କ ପ୍ରଜ୍ୱଳିତ ଅଗ୍ନିଖୁଣ୍ଟା ମଧ୍ୟରେ ଗମନ କର । ମୋ' ହସ୍ତରୁ ଏହା ତୁମ୍ଭେମାନେ ପାଇବ; ତୁମ୍ଭେମାନେ ଶୋକରେ ଶୟନ କରିବ ।
\s5
\c 51
\s ଯିରୂଶାଲମ ପ୍ରତି ଈଶ୍ୱରଙ୍କ ସାନ୍ତ୍ୱନା
\p
\v 1 ହେ ଧର୍ମର ଅନୁଗାମୀଗଣ, ହେ ସଦାପ୍ରଭୁଙ୍କ ଅନ୍ୱେଷଣକାରୀଗଣ, ତୁମ୍ଭେମାନେ ଆମ୍ଭର କଥା ଶୁଣ: ତୁମ୍ଭେମାନେ ଯେଉଁ ଶୈଳରୁ କଟା ହୋଇଥିଲ ଓ ଯେଉଁ ଗର୍ତ୍ତର ଛେଦରୁ ଖୋଳା ହୋଇଥିଲ, ତହିଁ ପ୍ରତି ଦୃଷ୍ଟିପାତ କର ।
\s5
\v 2 ତୁମ୍ଭମାନଙ୍କ ପିତା ଅବ୍ରହାମ ପ୍ରତି ଓ ତୁମ୍ଭମାନଙ୍କ ପ୍ରସବକାରିଣୀ ସାରା ପ୍ରତି ଦୃଷ୍ଟି କର; କାରଣ ସେ ଏକାକୀ ଥିବା ବେଳେ ଆମ୍ଭେ ତାହାକୁ ଆହ୍ୱାନ କଲୁ ଓ ଆମ୍ଭେ ଆଶୀର୍ବାଦ କରି ତାହାକୁ ବହୁବଂଶ କଲୁ ।
\s5
\v 3 କାରଣ ସଦାପ୍ରଭୁ ସିୟୋନକୁ ସାନ୍ତ୍ୱନା କରିଅଛନ୍ତି; ସେ ତାହାର ଉତ୍ସନ୍ନ ସ୍ଥାନସବୁକୁ ସାନ୍ତ୍ୱନା କରିଅଛନ୍ତି; ସେ ତାହାର ପ୍ରାନ୍ତରକୁ ଏଦନ ତୁଲ୍ୟ ଓ ତାହାର ମରୁଭୂମିକୁ ସଦାପ୍ରଭୁଙ୍କ ଉଦ୍ୟାନ ତୁଲ୍ୟ କରିଅଛନ୍ତି; ଆନନ୍ଦ ଓ ଉଲ୍ଲାସ, ଧନ୍ୟବାଦ ଓ ସଙ୍ଗୀତ ଧ୍ୱନି ତହିଁ ମଧ୍ୟରେ ହେବ ।
\s5
\v 4 "ହେ ଆମ୍ଭର ଲୋକମାନେ, ଆମ୍ଭ ବାକ୍ୟରେ ମନୋଯୋଗ କର; ହେ ଆମ୍ଭର ଦେଶୀୟ ଲୋକେ, ଆମ୍ଭ କଥାରେ କର୍ଣ୍ଣପାତ କର: କାରଣ ଆମ୍ଭଠାରୁ ଏକ ବ୍ୟବସ୍ଥା ନିର୍ଗତ ହେବ ଓ ଆମ୍ଭେ ଗୋଷ୍ଠୀବର୍ଗର ଦୀପ୍ତି ନିମନ୍ତେ ଆମ୍ଭର ବିଚାର ସ୍ଥାପନ କରିବା ।
\v 5 ଆମ୍ଭର ଧର୍ମ ନିକଟବର୍ତ୍ତୀ, ଆମ୍ଭର ପରିତ୍ରାଣ ନିର୍ଗତ ହୋଇଅଛି ଓ ଆମ୍ଭର ବାହୁ ଗୋଷ୍ଠୀବର୍ଗର ବିଚାର କରିବ; ଦ୍ୱୀପଗଣ ଆମ୍ଭର ଅପେକ୍ଷାରେ ରହିବେ ଓ ଆମ୍ଭର ବାହୁରେ ପ୍ରତ୍ୟାଶା ରଖିବେ ।
\s5
\v 6 ତୁମ୍ଭେମାନେ ଆକାଶମଣ୍ଡଳ ପ୍ରତି ଉର୍ଦ୍ଧ୍ୱଦୃଷ୍ଟି କର ଓ ଅଧଃସ୍ଥିତ ଭୂମଣ୍ଡଳ ପ୍ରତି ନିରୀକ୍ଷଣ କର; କାରଣ ଆକାଶମଣ୍ଡଳ ଧୂମ ତୁଲ୍ୟ ଅନ୍ତର୍ହିତ ହେବ ଓ ଭୂମଣ୍ଡଳ ବସ୍ତ୍ର ତୁଲ୍ୟ ଜୀର୍ଣ୍ଣ ହେବ, ପୁଣି ତନ୍ନିବାସୀଗଣ ସେହି ରୂପେ ମରିଯିବେ; ମାତ୍ର ଆମ୍ଭର ପରିତ୍ରାଣ ଅନନ୍ତ କାଳସ୍ଥାୟୀ ହେବ ଓ ଆମ୍ଭର ଧର୍ମ ଲୁପ୍ତ ହେବ ନାହିଁ ।
\s5
\v 7 ହେ ଧର୍ମଜ୍ଞ ଲୋକମାନେ, ତୁମ୍ଭମାନଙ୍କ ହୃଦୟରେ ଆମ୍ଭର ବ୍ୟବସ୍ଥା ଅଛି, ତୁମ୍ଭେମାନେ ଆମ୍ଭର କଥା ଶୁଣ; ତୁମ୍ଭେମାନେ ମର୍ତ୍ତ୍ୟର ଅପମାନରେ ଭୀତ ହୁଅ ନାହିଁ, ଅଥବା ସେମାନଙ୍କ ନିନ୍ଦାରେ ଉଦ୍‍ବିଗ୍ନ ହୁଅ ନାହିଁ ।
\v 8 କାରଣ କୀଟ ସେମାନଙ୍କୁ ବସ୍ତ୍ର ପରି ଖାଇ ପକାଇବ ଓ ପୋକ ସେମାନଙ୍କୁ ଲୋମ ପରି ଖାଇ ପକାଇବ; ମାତ୍ର ଆମ୍ଭର ଧର୍ମ ଅନନ୍ତ କାଳସ୍ଥାୟୀ ହେବ ଓ ଆମ୍ଭର ପରିତ୍ରାଣ ପୁରୁଷ ପରମ୍ପରାରେ ରହିବ ।"
\s5
\v 9 ହେ ସଦାପ୍ରଭୁଙ୍କ ବାହୁ, ଜାଗ, ଜାଗ, ବଳ ପରିଧାନ କର, ଯେପରି ପୂର୍ବ କାଳରେ, ପ୍ରାଚୀନ କାଳର ପୁରୁଷ ପରମ୍ପରାର ସମୟରେ, ସେପରି ଜାଗ । ଯେ ରାହବକୁ ଖଣ୍ଡ ଖଣ୍ଡ କରି କାଟିଲେ, ଯେ ନାଗକୁ ବିଦ୍ଧ କଲେ, ସେ କି ତୁମ୍ଭେ ନୁହଁ ?
\v 10 ଯେ ସମୁଦ୍ରକୁ, ମହାବାରିଧିର ଜଳସମୂହକୁ ଶୁଷ୍କ କଲେ, ଯେ ମୁକ୍ତିପ୍ରାପ୍ତ ଲୋକମାନଙ୍କର ପାର ହେବା ନିମନ୍ତେ ସମୁଦ୍ରର ଗଭୀର ସ୍ଥାନକୁ ପଥ କଲେ, ସେ କି ତୁମ୍ଭେ ନୁହଁ ?
\s5
\v 11 ପୁଣି, ସଦାପ୍ରଭୁଙ୍କର ନିସ୍ତାରିତ ଲୋକମାନେ ଫେରି ଆସିବେ ଓ ଆନନ୍ଦ ଗାନ କରୁ କରୁ ସିୟୋନରେ ଉପସ୍ଥିତ ହେବେ; ନିତ୍ୟସ୍ଥାୟୀ ଆନନ୍ଦ ଓ ଆହ୍ଲାଦ ପ୍ରାପ୍ତ ହେବେ, ପୁଣି ଶୋକ ଓ ଆର୍ତ୍ତସ୍ୱର ଦୂରକୁ ପଳାଇଯିବ ।
\s5
\v 12 ଯେ ତୁମ୍ଭମାନଙ୍କୁ ସାନ୍ତ୍ୱନା କରନ୍ତି, ସେ ଆମ୍ଭେ, ଆମ୍ଭେ ହିଁ ଅଟୁ; ମୃତ୍ୟୁର ଅଧୀନ ମନୁଷ୍ୟକୁ ଓ ଯେ ତୃଣ ତୁଲ୍ୟ କରାଯିବ, ଏପରି ମନୁଷ୍ୟର ସନ୍ତାନକୁ ଭୟ କରୁଅଛ,
\s5
\v 13 ପୁଣି ଆକାଶମଣ୍ଡଳ ବିସ୍ତାରକାରୀ ଓ ପୃଥିବୀର ଭିତ୍ତିମୂଳ ସ୍ଥାପନକାରୀ ତୁମ୍ଭ ନିର୍ମାଣକର୍ତ୍ତା ସଦାପ୍ରଭୁଙ୍କୁ ଭୁଲିଅଛ ଓ ଉପଦ୍ରବୀ ବିନାଶ କରିବାକୁ ଉଦ୍ୟତ ହେବା ବେଳେ ତାହାର କୋପ ସକାଶୁ ଦିନଯାକ ନିରନ୍ତର ଭୟ କରୁଅଛ ଯେ ତୁମ୍ଭେ, ତୁମ୍ଭେ ତ କିଏ ? ଆଉ, ସେ ଉପଦ୍ରବୀର କୋପ କାହିଁ ?
\s5
\v 14 ନିର୍ବାସିତ ବନ୍ଦୀ ଶୀଘ୍ର ମୁକ୍ତ ହେବ; ପୁଣି, ସେ ମରି ଗର୍ତ୍ତକୁ ଯିବ ନାହିଁ, ଅଥବା ତାହାର ଖାଦ୍ୟର ଅଭାବ ହେବ ନାହିଁ ।
\v 15 କାରଣ କଲ୍ଳୋଳସକଳ ଗର୍ଜ୍ଜନ କରିବା ନିମନ୍ତେ ଯେ ସମୁଦ୍ରକୁ ବ୍ୟସ୍ତ କରନ୍ତି, ଆମ୍ଭେ ସେହି ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଅଟୁ; ତାହାଙ୍କର ନାମ ସୈନ୍ୟାଧିପତି ସଦାପ୍ରଭୁ ।
\s5
\v 16 ପୁଣି, ଆକାଶମଣ୍ଡଳ ରୋପଣ କରିବାର, ପୃଥିବୀର ଭିତ୍ତିମୂଳ ସ୍ଥାପନ କରିବାର ଓ ତୁମ୍ଭେ ଆମ୍ଭର ଲୋକ, ଏହା ସିୟୋନକୁ କହିବା ପାଇଁ ଆମ୍ଭେ ତୁମ୍ଭ ମୁଖରେ ଆପଣା ବାକ୍ୟ ରଖିଅଛୁ ଓ ଆପଣା ହସ୍ତର ଛାୟାରେ ତୁମ୍ଭକୁ ଆଚ୍ଛାଦନ କରିଅଛୁ ।
\s5
\v 17 ହେ ଯିରୂଶାଲମ, ଜାଗ, ଜାଗ, ଠିଆ ହୁଅ, ତୁମ୍ଭେ ସଦାପ୍ରଭୁଙ୍କ ହସ୍ତରୁ ତାହାଙ୍କ କୋପରୂପ ପାନ ପାତ୍ର ନେଇ ପାନ କରିଅଛ; ତୁମ୍ଭେ ମତ୍ତତାଜନକ ବୃହତ ପାତ୍ରରୁ ପାନ କରି ତାହା ଶେଷ କରିଅଛ ।
\v 18 ସେ ଯେଉଁ ପୁତ୍ରଗଣକୁ ପ୍ରସବ କରିଅଛି, ସେ ସମସ୍ତଙ୍କ ମଧ୍ୟରେ ତାହାକୁ କଢ଼ାଇ ନେବାକୁ କେହି ନାହିଁ; କିଅବା ସେ ଯେଉଁ ପୁତ୍ରଗଣକୁ ପ୍ରତିପାଳନ କରିଅଛି, ସେ ସମସ୍ତଙ୍କ ମଧ୍ୟରେ ତାହାର ହସ୍ତ ଧରି ନେବା ପାଇଁ କେହି ନାହିଁ ।
\s5
\v 19 ଏହି ଦୁଇ ବିଷୟ ତୁମ୍ଭ ପ୍ରତି ଘଟିଅଛି; ତୁମ୍ଭ ପାଇଁ କିଏ ବିଳାପ କରିବ ? ଶୂନ୍ୟତା ଓ ବିନାଶ, ପୁଣି ଦୁର୍ଭିକ୍ଷ ଓ ଖଡ଼୍‍ଗ; ଆମ୍ଭେ କିରୂପେ ତୁମ୍ଭକୁ ସାନ୍ତ୍ୱନା କରିବା ?
\v 20 ଜାଲରେ ବଦ୍ଧ ହରିଣର ପ୍ରାୟ ତୁମ୍ଭର ପୁତ୍ରଗଣ ମୂର୍ଚ୍ଛିତ ହୋଇଅଛନ୍ତି, ସେମାନେ ପ୍ରତ୍ୟେକ ସଡ଼କର ମୁଣ୍ଡରେ ପଡ଼ିଛନ୍ତି; ସେମାନେ ସଦାପ୍ରଭୁଙ୍କ କୋପରେ, ତୁମ୍ଭ ପରମେଶ୍ୱରଙ୍କ ଧମକରେ ପରିପୂର୍ଣ୍ଣ ।
\s5
\v 21 ଏଣୁକରି ହେ ଦୁଃଖିନୀ ଓ ବିନା ଦ୍ରାକ୍ଷାରସରେ ମତ୍ତା ଯେ ତୁମ୍ଭେ, ତୁମ୍ଭେ ଏବେ ଏହା ଶୁଣ;
\v 22 ତୁମ୍ଭ ପ୍ରଭୁ, ସଦାପ୍ରଭୁ ଓ ଆପଣା ଲୋକମାନଙ୍କର ପକ୍ଷବାଦୀ ତୁମ୍ଭ ପରମେଶ୍ୱର ଏହି କଥା କହନ୍ତି, "ଦେଖ, ଆମ୍ଭେ ମତ୍ତତାଜନକ ପାନପାତ୍ର, ଅର୍ଥାତ୍‍, ଆମ୍ଭ କୋପରୂପ ବୃହତ ପାନପାତ୍ର ତୁମ୍ଭ ହସ୍ତରୁ କାଢ଼ି ନେଇଅଛୁ; ତୁମ୍ଭେ ଆଉ ତାହା ପାନ କରିବ ନାହିଁ;
\s5
\v 23 ପୁଣି, ଯେଉଁମାନେ ତୁମ୍ଭକୁ କ୍ଲେଶ ଦିଅନ୍ତି, ସେମାନଙ୍କ ହସ୍ତରେ ଆମ୍ଭେ ତାହା ଦେବା; ସେମାନେ ତୁମ୍ଭ ପ୍ରାଣକୁ କହିଅଛନ୍ତି, ନଇଁ ପଡ଼, ଆମ୍ଭେମାନେ ତୁମ୍ଭ ଉପର ଦେଇ ଗମନ କରିବା : ଆଉ, ତୁମ୍ଭେ ଭୂମି ଓ ସଡ଼କ ପରି ଗମନକାରୀମାନଙ୍କ ନିମନ୍ତେ ଆପଣା ପିଠି ପାତି ଦେଇଅଛ ।"
\s5
\c 52
\s ଯିରୂଶାଲମକୁ ପରମେଶ୍ୱରଙ୍କ ଉଦ୍ଧାର
\p
\v 1 ହେ ସିୟୋନ, ଜାଗ, ଜାଗ, ଆପଣା ବଳ ପରିଧାନ କର; ହେ ପବିତ୍ର ନଗରୀ ଯିରୂଶାଲମ, ତୁମ୍ଭେ ଆପଣା ସୁନ୍ଦର ବସ୍ତ୍ରସବୁ ପିନ୍ଧ; କାରଣ ଏହି ସମୟଠାରୁ ତୁମ୍ଭ ମଧ୍ୟକୁ ଅସୁନ୍ନତ ଅବା ଅଶୁଚି ଲୋକ ଆଉ ଆସିବ ନାହିଁ ।
\s5
\v 2 ତୁମ୍ଭେ ଆପଣା ଦେହର ଧୂଳି ଝାଡ଼ି ଦିଅ; ହେ ଯିରୂଶାଲମ, ଉଠ, ଆସନରେ ବସ; ଆଗୋ ସିୟୋନର ବନ୍ଦୀ କନ୍ୟେ, ଆପଣା ଗଳାର ବନ୍ଧନସବୁ ଫିଟାଇ ପକାଅ ।
\v 3 କାରଣ ସଦାପ୍ରଭୁ ଏହି କଥା କହନ୍ତି, "ତୁମ୍ଭେମାନେ ବିନାମୂଲ୍ୟରେ ବିକ୍ରୀତ ହୋଇଥିଲ, ଆଉ ବିନାମୂଲ୍ୟରେ ମୁକ୍ତ କରାଯିବ ।"
\s5
\v 4 କାରଣ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, "ଆମ୍ଭର ଲୋକମାନେ ପ୍ରଥମରେ ପ୍ରବାସ କରିବା ପାଇଁ ମିସରକୁ ଗଲେ; ପୁଣି, ଅଶୂରୀୟ ଅକାରଣରେ ସେମାନଙ୍କ ପ୍ରତି ଦୌରାତ୍ମ୍ୟ କଲା ।"
\s5
\v 5 ଏହେତୁ ସଦାପ୍ରଭୁ କହନ୍ତି, "ଆମ୍ଭର ଲୋକମାନେ ତ ଅକାରଣରେ ନିଆ ଯାଉଅଛନ୍ତି, ଆମ୍ଭେ ଏଠାରେ ଥାଇ କଅଣ କରୁଅଛୁ ?" ସଦାପ୍ରଭୁ କହନ୍ତି, ସେମାନଙ୍କ ଉପରେ କର୍ତ୍ତୃତ୍ୱକାରୀମାନେ ଗର୍ଜ୍ଜନ କରୁଅଛନ୍ତି ଓ ଆମ୍ଭର ନାମ ଦିନଯାକ ନିରନ୍ତର ନିନ୍ଦିତ ହେଉଅଛି ।
\v 6 "ଏଥିପାଇଁ ଆମ୍ଭର ଲୋକମାନେ ଆମ୍ଭର ନାମ ଜାଣିବେ; ଏଥିପାଇଁ ଯେ କଥା କହନ୍ତି, ସେ ଯେ ଆମ୍ଭେ ଅଟୁ, ଏହା ସେମାନେ ସେଦିନ ଜାଣିବେ; ଦେଖ, ସେ ଆମ୍ଭେ ।"
\s5
\v 7 ଯେଉଁ ଜନ ସୁସମାଚାର ଆଣୁଅଛି, ଯେ ଶାନ୍ତି ପ୍ରଚାର କରୁଅଛି, ଯେ ମଙ୍ଗଳର ସୁସମାଚାର ଆଣୁଅଛି, ଯେ ପରିତ୍ରାଣ ପ୍ରଚାର କରୁଅଛି, ଯେ ସିୟୋନକୁ "ତୁମ୍ଭ ପରମେଶ୍ୱର ରାଜ୍ୟ କରନ୍ତି" ବୋଲି କହୁଅଛି, ତାହାର ଚରଣ ପର୍ବତଗଣର ଉପରେ କିପରି ଶୋଭା ପାଏ !
\v 8 ହେଇ, ତୁମ୍ଭ ପ୍ରହରୀଗଣର ରବ ! ସେମାନେ ଉଚ୍ଚ ରବ କରୁଅଛନ୍ତି, ସେମାନେ ଏକତ୍ର ଗାନ କରୁଅଛନ୍ତି; କାରଣ ସଦାପ୍ରଭୁ ସିୟୋନକୁ ଫେରି ଆସିବା ବେଳେ ସେମାନେ ସମ୍ମୁଖାସମ୍ମୁଖୀ ହୋଇ ଦେଖିବେ ।
\s5
\v 9 ହେ ଯିରୂଶାଲମର ଉତ୍ସନ୍ନ ସ୍ଥାନସକଳ, ଉଚ୍ଚ ଆନନ୍ଦ ଧ୍ୱନି କର, ଏକତ୍ର ଗାନ କର; କାରଣ ସଦାପ୍ରଭୁ ଆପଣା ଲୋକମାନଙ୍କୁ ସାନ୍ତ୍ୱନା କରିଅଛନ୍ତି, ସେ ଯିରୂଶାଲମକୁ ମୁକ୍ତ କରିଅଛନ୍ତି ।
\v 10 ସଦାପ୍ରଭୁ ସର୍ବଦେଶୀୟମାନଙ୍କ ଦୃଷ୍ଟିରେ ଆପଣା ପବିତ୍ର ବାହୁ ଅନାବୃତ କରିଅଛନ୍ତି ଓ ପୃଥିବୀର ଆଦ୍ୟନ୍ତସ୍ଥିତ ସମସ୍ତେ ଆମ୍ଭମାନଙ୍କ ପରମେଶ୍ୱରଙ୍କ ପରିତ୍ରାଣ ଦେଖିବେ ।
\s5
\v 11 ତୁମ୍ଭେମାନେ ପ୍ରସ୍ଥାନ କର, ପ୍ରସ୍ଥାନ କର, ସେହି ସ୍ଥାନରୁ ବାହାରି ଯାଅ, କୌଣସି ଅଶୁଚି ବସ୍ତୁ ଛୁଅଁ ନାହିଁ; ତୁମ୍ଭେମାନେ ତାହାର ମଧ୍ୟରୁ ବାହାରି ଯାଅ; ହେ ସଦାପ୍ରଭୁଙ୍କର ପାତ୍ରବାହକଗଣ, ତୁମ୍ଭେମାନେ ଶୁଚି ହୁଅ ।
\v 12 କାରଣ ତୁମ୍ଭେମାନେ ତର ତର ହୋଇ ବାହାରି ଯିବ ନାହିଁ, କିଅବା ତୁମ୍ଭେମାନେ ପଳାୟନ କରି ବାହାରି ଯିବ ନାହିଁ; କାରଣ ସଦାପ୍ରଭୁ ତୁମ୍ଭମାନଙ୍କର ଆଗେ ଆଗେ ଗମନ କରିବେ ଓ ଇସ୍ରାଏଲର ପରମେଶ୍ୱର ତୁମ୍ଭମାନଙ୍କର ପଶ୍ଚାଦ୍‍ବର୍ତ୍ତୀ ହେବେ ।
\s ଦୁଃଖଭୋଗକାରୀ ସଦାପ୍ରଭୁଙ୍କ ଦାସ
\p
\s5
\v 13 ଦେଖ, ଆମ୍ଭର ଦାସ ସୁବିବେଚନାପୂର୍ବକ ବ୍ୟବହାର କରିବେ, ସେ ଉନ୍ନତ, ଉଚ୍ଚ ପଦପ୍ରାପ୍ତ ଓ ମହାମହିମ ହେବେ ।
\v 14 ମନୁଷ୍ୟ ଅପେକ୍ଷା ତାହାଙ୍କର ଆକୃତି ଓ ମନୁଷ୍ୟ ସନ୍ତାନଗଣ ଅପେକ୍ଷା ତାହାଙ୍କର ରୂପ ଅଧିକ ବିକୃତ ହେବାରୁ ଯେପରି ଅନେକେ ତାହାଙ୍କ ବିଷୟରେ ଚମତ୍କୃତ ହୋଇଥିଲେ,
\s5
\v 15 ସେପରି ସେ ଅନେକ ଦେଶୀୟମାନଙ୍କୁ ଛିଞ୍ଚିବେ; ରାଜାମାନେ ତାହାଙ୍କ ଛାମୁରେ ଆପଣା ଆପଣା ମୁଖ ବନ୍ଦ କରିବେ; କାରଣ ଯାହା ସେମାନଙ୍କୁ କୁହାଯାଇ ନ ଥିଲା, ତାହା ସେମାନେ ଦେଖିବେ ଓ ଯାହା ସେମାନେ ଶୁଣି ନ ଥିଲେ, ତାହା ସେମାନେ ବୁଝିବେ ।
\s5
\c 53
\p
\v 1 ଆମ୍ଭମାନଙ୍କ ସମ୍ବାଦ କିଏ ବିଶ୍ୱାସ କରିଅଛି ? ଓ ସଦାପ୍ରଭୁଙ୍କର ବାହୁ କାହା ନିକଟରେ ପ୍ରକାଶିତ ହୋଇଅଛି ?
\v 2 କାରଣ ସେ ତାହାଙ୍କ ଦୃଷ୍ଟିରେ ଚାରା ତୁଲ୍ୟ ଓ ଶୁଷ୍କ ଭୂମିରୁ ଉତ୍ପନ୍ନ ମୂଳ ତୁଲ୍ୟ ବଢ଼ିଲେ; ତାହାଙ୍କର ରୂପ କି ଶୋଭା ନାହିଁ; ପୁଣି, ତାହାଙ୍କୁ ଦେଖିଲେ, ଆମ୍ଭେମାନେ ଯେ ଶ୍ରଦ୍ଧା କରିବା, ତାହାଙ୍କର ଏପରି ସୌନ୍ଦର୍ଯ୍ୟ ନାହିଁ ।
\s5
\v 3 ସେ ଅବଜ୍ଞାତ ଓ ମନୁଷ୍ୟର ତ୍ୟକ୍ତ; ଦୁଃଖୀ ଲୋକ ଓ ଶୋକପରିଚିତ, ପୁଣି ମନୁଷ୍ୟମାନେ ଯାହାଠାରୁ ମୁଖ ଆଚ୍ଛାଦନ କରନ୍ତି, ଏପରି ଲୋକ ତୁଲ୍ୟ ସେ ଅବଜ୍ଞାତ ହେଲେ, ଆଉ ଆମ୍ଭେମାନେ ତାହାଙ୍କୁ ମାନ୍ୟ କଲୁ ନାହିଁ ।
\s5
\v 4 ନିଶ୍ଚୟ ସେ ଆମ୍ଭମାନଙ୍କର ଯାତନାସବୁ ଧାରଣ କରିଅଛନ୍ତି ଓ ଆମ୍ଭମାନଙ୍କର ବ୍ୟଥାସବୁ ବହିଅଛନ୍ତି । ତଥାପି ଆମ୍ଭେମାନେ ତାହାଙ୍କୁ ଆହତ ଓ ପରମେଶ୍ୱରଙ୍କ ଦ୍ୱାରା ପ୍ରହାରିତ ଓ ଦୁଃଖଗ୍ରସ୍ତ ବୋଲି ମଣିଲୁ ।
\s5
\v 5 ମାତ୍ର ସେ ଆମ୍ଭମାନଙ୍କ ଅଧର୍ମ ନିମନ୍ତେ କ୍ଷତବିକ୍ଷତ ହେଲେ ଓ ଆମ୍ଭମାନଙ୍କର ଅପରାଧ ନିମନ୍ତେ ଚୂର୍ଣ୍ଣ ହେଲେ; ଆମ୍ଭମାନଙ୍କର ଶାନ୍ତିଜନକ ଶାସ୍ତି ତାହାଙ୍କ ଉପରେ ବର୍ତ୍ତିଲା ଓ ତାହାଙ୍କ ପ୍ରହାରରେ ଆମ୍ଭେମାନେ ସୁସ୍ଥ ହେଲୁ ।
\s5
\v 6 ଆମ୍ଭେମାନେ ସମସ୍ତେ ମେଷଗଣ ତୁଲ୍ୟ ବିପଥଗାମୀ ହୋଇଅଛୁ; ଆମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା ବାଟଆଡ଼େ ଫେରିଅଛୁ; ଆଉ, ସଦାପ୍ରଭୁ ଆମ୍ଭ ସମସ୍ତଙ୍କର ଅପରାଧ ତାହାଙ୍କ ଉପରେ ବର୍ତ୍ତାଇଅଛନ୍ତି ।
\s5
\v 7 ସେ ଉପଦ୍ରବ ପ୍ରାପ୍ତ ହେଲେ, ତଥାପି ସେ ଆପଣାକୁ ନମ୍ର କରି ଆପଣା ମୁଖ ଫିଟାଇଲେ ନାହିଁ; ବଧସ୍ଥାନକୁ ନିଆଯିବା ମେଷଶାବକ ତୁଲ୍ୟ, ଲୋମଚ୍ଛେଦକମାନଙ୍କ ସମ୍ମୁଖରେ ନୀରବ ମେଷ ତୁଲ୍ୟ ହୋଇ ସେ ଆପଣା ମୁଖ ଫିଟାଇଲେ ନାହିଁ ।
\s5
\v 8 ସେ ଉପଦ୍ରବ ଓ ବିଚାର ଦ୍ୱାରା ଦୂରୀକୃତ ହେଲେ; ଆଉ, ସେ ଯେ ଜୀବିତ ଲୋକମାନଙ୍କ ଦେଶରୁ ଉଚ୍ଛିନ୍ନ ହେଲେ, ଏହା ତାହାଙ୍କ ସମୟର ଲୋକମାନଙ୍କ ମଧ୍ୟରେ କିଏ ବିବେଚନା କଲା ? ଆମ୍ଭ ଲୋକମାନଙ୍କର ଅପରାଧ ନିମନ୍ତେ ସେ ପ୍ରହାରିତ ହେଲେ ।
\v 9 ପୁଣି, ସେ କୌଣସି ଦୌରାତ୍ମ୍ୟ ନ କଲେ ହେଁ ଓ ତାହାଙ୍କ ମୁଖରେ କୌଣସି ଛଳ ନ ଥିଲେ ହେଁ ଲୋକମାନେ ଦୁଷ୍ଟଗଣର ସହିତ ତାହାଙ୍କର କବର ନିରୂପଣ କଲେ ଓ ମୃତ୍ୟୁରେ ସେ ଧନବାନର ସଙ୍ଗୀ ହେଲେ ।
\s5
\v 10 ତଥାପି ତାହାଙ୍କୁ ଚୂର୍ଣ୍ଣ କରିବାକୁ ସଦାପ୍ରଭୁଙ୍କର ଅଭିମତ ହେଲା; ସେ ତାହାଙ୍କୁ ଦୁଃଖଗ୍ରସ୍ତ କରିଅଛନ୍ତି; ତୁମ୍ଭେ ତାହାଙ୍କ ପ୍ରାଣକୁ ପାପାର୍ଥକ ବଳି କଲେ, ସେ ଆପଣା ବଂଶ ଦେଖିବେ, ସେ ଦୀର୍ଘାୟୁ ହେବେ ଓ ତାହାଙ୍କ ହସ୍ତରେ ସଦାପ୍ରଭୁଙ୍କର ଇଷ୍ଟ ସିଦ୍ଧ ହେବ ।
\v 11 ସେ ଆପଣା ପ୍ରାଣବେଦନାର ଫଳ ଦେଖି ତୃପ୍ତ ହେବେ; ଆମ୍ଭର ଧାର୍ମିକ ଦାସ ଆପଣାର ଜ୍ଞାନ ଦ୍ୱାରା ଅନେକଙ୍କୁ ଧାର୍ମିକ କରିବେ ଓ ସେ ସେମାନଙ୍କର ଅପରାଧ ବହିବେ ।
\s5
\v 12 ଏହେତୁ ଆମ୍ଭେ ମହତମାନଙ୍କ ମଧ୍ୟରେ ତାହାଙ୍କୁ ଅଂଶ ଦେବା ଓ ସେ ପରାକ୍ରମୀମାନଙ୍କ ସଙ୍ଗେ ଲୁଟିତ ବିଭାଗ କରି ନେବେ; କାରଣ ସେ ମୃତ୍ୟୁମୁଖରେ ଆପଣା ପ୍ରାଣ ଢାଳି ଦେଲେ; ଓ ଅଧାର୍ମିକମାନଙ୍କ ସହିତ ଗଣିତ ହେଲେ; ତଥାପି ସେ ଅନେକଙ୍କର ପାପଭାର ବହିଲେ ଓ ଅଧାର୍ମିକମାନଙ୍କ ନିମନ୍ତେ ପ୍ରାର୍ଥନା କଲେ ।
\s5
\c 54
\s ଚିରନ୍ତନ ଶାନ୍ତିର ନିୟମ
\p
\v 1 "ଆଗୋ ବନ୍ଧ୍ୟେ, ଅପ୍ରସୂତେ, ତୁମ୍ଭେ ଗାନ କର, ଆଗୋ ଗର୍ଭବ୍ୟଥାରହିତେ, ତୁମ୍ଭେ ଉଚ୍ଚସ୍ୱରରେ ଗାନ କରି ଆନନ୍ଦ ଧ୍ୱନି କର", କାରଣ ସଦାପ୍ରଭୁ କହନ୍ତି, ବିବାହିତା ଭାର୍ଯ୍ୟାର ସନ୍ତାନ ଅପେକ୍ଷା ଅନାଥାର ସନ୍ତାନ ଅଧିକ ।
\s5
\v 2 ତୁମ୍ଭେ ଆପଣା ତମ୍ବୁର ସ୍ଥାନ ବଢ଼ାଅ ଓ ସେମାନେ ତୁମ୍ଭ ବାସସ୍ଥାନର ଯବନିକାସବୁ ବିସ୍ତାର କରନ୍ତୁ; ବ୍ୟୟର ଆଶଙ୍କା କର ନାହିଁ; ତୁମ୍ଭର ଦଉଡ଼ିସବୁ ଲମ୍ବାଇ ଦିଅ ଓ କିଳାସବୁ ଦୃଢ଼ କର ।
\v 3 କାରଣ ତୁମ୍ଭେ ଡାହାଣ ଓ ବାମରେ ବ୍ୟାପି ଯିବ ଓ ତୁମ୍ଭର ବଂଶ ଅନ୍ୟ ଦେଶୀୟମାନଙ୍କୁ ଅଧିକାର କରିବେ ଓ ନରଶୂନ୍ୟ ନଗରସମୂହକୁ ବସତି ସ୍ଥାନ କରାଇବେ ।
\s5
\v 4 ଭୟ କର ନାହିଁ; କାରଣ ତୁମ୍ଭେ ଲଜ୍ଜିତ ହେବ ନାହିଁ । କିଅବା ବିଷର୍ଣ୍ଣମନା ହୁଅ ନାହିଁ; କାରଣ ତୁମ୍ଭକୁ ଲଜ୍ଜିତ କରାଯିବ ନାହିଁ; ତୁମ୍ଭେ ଆପଣା ଯୌବନ କାଳର ଲଜ୍ଜା ପାସୋରି ଯିବ ଓ ତୁମ୍ଭେ ଆପଣା ବିଧବାବସ୍ଥାର ଦୁର୍ନାମ ଆଉ ସ୍ମରଣ କରିବ ନାହିଁ ।
\s5
\v 5 କାରଣ ତୁମ୍ଭର ନିର୍ମାଣକର୍ତ୍ତା ତୁମ୍ଭର ସ୍ୱାମୀ ଅଟନ୍ତି; ସୈନ୍ୟାଧିପତି ସଦାପ୍ରଭୁ ତାହାଙ୍କର ନାମ ଓ ଇସ୍ରାଏଲର ଧର୍ମସ୍ୱରୂପ ତୁମ୍ଭର ମୁକ୍ତିଦାତା; ସେ ସମୁଦାୟ ପୃଥିବୀର ପରମେଶ୍ୱର ବୋଲି ବିଖ୍ୟାତ ହେବେ ।
\v 6 କାରଣ ତୁମ୍ଭ ପରମେଶ୍ୱର କହନ୍ତି, "ତ୍ୟକ୍ତା ଓ ମନୋଦୁଃଖିନୀ ଭାର୍ଯ୍ୟା ଅଥବା ଯୌବନକାଳୀନ ଦୂରୀକୃତା ଭାର୍ଯ୍ୟା ତୁଲ୍ୟ ସଦାପ୍ରଭୁ ତୁମ୍ଭକୁ ଆହ୍ୱାନ କରିଅଛନ୍ତି ।
\s5
\v 7 ଆମ୍ଭେ ଅଳ୍ପ କ୍ଷଣ ନିମନ୍ତେ ତୁମ୍ଭକୁ ତ୍ୟାଗ କରିଅଛୁ; ମାତ୍ର ମହାକରୁଣାରେ ତୁମ୍ଭକୁ ସଂଗ୍ରହ କରିବା ।
\v 8 ଅତିଶୟ କୋପରେ ଆମ୍ଭେ ଏକ ନିମିଷ ମାତ୍ର ଆପଣା ମୁଖ ତୁମ୍ଭଠାରୁ ଲୁଚାଇଲୁ; ମାତ୍ର ଅନନ୍ତକାଳସ୍ଥାୟୀ ଦୟାରେ ଆମ୍ଭେ ତୁମ୍ଭ ପ୍ରତି କରୁଣା କରିବା," ଏହା ତୁମ୍ଭର ମୁକ୍ତିଦାତା ସଦାପ୍ରଭୁ କହନ୍ତି ।
\s5
\v 9 "କାରଣ ଏହା ଆମ୍ଭ ପ୍ରତି ନୋହ ସମୟର ଜଳ ତୁଲ୍ୟ ଅଟେ; ନୋହ ସମୟର ଜଳ ଆଉ ପୃଥିବୀକି ପ୍ଳାବିତ କରିବ ନାହିଁ ବୋଲି ଆମ୍ଭେ ଯେପରି ଶପଥ କରିଅଛୁ, ସେପରି ଆମ୍ଭେ ତୁମ୍ଭ ପ୍ରତି କ୍ରୋଧ, ଅବା ତୁମ୍ଭକୁ ଭର୍ତ୍ସନା କରିବା ନାହିଁ ବୋଲି ଶପଥ କରିଅଛୁ ।
\v 10 ଯେହେତୁ ତୁମ୍ଭ ପ୍ରତି କରୁଣା କରିଅଛନ୍ତି ଯେଉଁ ସଦାପ୍ରଭୁ, ସେ କହନ୍ତି, ପର୍ବତଗଣ ବିଚଳିତ ହୋଇ ଘୁଞ୍ଚିଯିବେ ଓ ଉପପର୍ବତଗଣ ଟଳିବେ; ମାତ୍ର ଆମ୍ଭର ଦୟା ତୁମ୍ଭଠାରୁ ବିଚଳିତ ହେବ ନାହିଁ, ଅଥବା ଆମ୍ଭ ଶାନ୍ତିର ନିୟମ ଟଳିବ ନାହିଁ ।
\s5
\v 11 ଆଗୋ ଦୁଃଖିନୀ, ତୋଫାନରେ ବିଚଳିତେ ଓ ସାନ୍ତ୍ୱନାବିହୀନେ, ଦେଖ, ଆମ୍ଭେ ନାନା ସୁନ୍ଦର ବର୍ଣ୍ଣରେ ତୁମ୍ଭର ପ୍ରସ୍ତର ବସାଇବା ଓ ନୀଳମଣି ଦ୍ୱାରା ତୁମ୍ଭର ଭିତ୍ତିମୂଳ ସ୍ଥାପନ କରିବା ।
\v 12 ଆମ୍ଭେ ପଦ୍ମରାଗ ମଣିରେ ତୁମ୍ଭର ଚୂଡ଼ା ଓ ସୂର୍ଯ୍ୟକାନ୍ତ ମଣିରେ ତୁମ୍ଭ ନଗରର ଦ୍ୱାରସକଳ ଓ ମନୋହର ପ୍ରସ୍ତରରେ ତୁମ୍ଭର ସମସ୍ତ ସୀମା ନିର୍ମାଣ କରିବା ।
\s5
\v 13 ତୁମ୍ଭର ସନ୍ତାନଗଣ ସମସ୍ତେ ସଦାପ୍ରଭୁଙ୍କ ଦ୍ୱାରା ଶିକ୍ଷିତ ହେବେ ଓ ତୁମ୍ଭ ସନ୍ତାନଗଣର ମହାଶାନ୍ତି ହେବ ।
\v 14 ତୁମ୍ଭେ ଧାର୍ମିକତାରେ ସ୍ଥିରୀକୃତ ହେବ; ତୁମ୍ଭେ ଉପଦ୍ରବଠାରୁ ଦୂରରେ ରହିବ, କାରଣ ତୁମ୍ଭେ ଭୀତ ହେବ ନାହିଁ; ପୁଣି ତ୍ରାସଠାରୁ ଦୂରରେ ରହିବ, କାରଣ ତାହା ତୁମ୍ଭ ନିକଟକୁ ଆସିବ ନାହିଁ ।
\s5
\v 15 ଦେଖ, ଲୋକମାନେ ଏକମେଳ ହୋଇ ପାରନ୍ତି, ମାତ୍ର ଆମ୍ଭ ଦ୍ୱାରା ନୁହେଁ; ଯେକେହି ତୁମ୍ଭ ବିପକ୍ଷରେ ଏକମେଳ ହୁଏ, ସେ ତୁମ୍ଭ ହେତୁ ପତିତ ହେବ ।
\v 16 ଦେଖ, ଯେଉଁ ଲୌହକାର କୋଇଲାକୁ ଅଗ୍ନି ଦେଇ ତାହେ ଓ ଆପଣା କାର୍ଯ୍ୟ ନିମନ୍ତେ ଅସ୍ତ୍ର ନିର୍ମାଣ କରେ, ଆମ୍ଭେ ତାହାର ସୃଷ୍ଟି କରିଅଛୁ ଓ ବିନାଶକରଣାର୍ଥେ ବିନାଶକକୁ ହିଁ ଆମ୍ଭେ ସୃଷ୍ଟି କରିଅଛୁ ।
\s5
\v 17 ଯେକୌଣସି ଅସ୍ତ୍ର ତୁମ୍ଭ ପ୍ରତିକୂଳରେ ନିର୍ମିତ ହୁଏ, ତାହା ସାର୍ଥକ ହେବ ନାହିଁ ଓ ଯେ ପ୍ରତ୍ୟେକ ଜିହ୍ୱା ବିଚାରରେ ତୁମ୍ଭ ବିରୁଦ୍ଧରେ ଉଠେ, ତୁମ୍ଭେ ତାହାକୁ ଦୋଷୀ କରିବ । ସଦାପ୍ରଭୁଙ୍କ ଦାସମାନଙ୍କର ଅଧିକାର ଓ ଆମ୍ଭ ଦତ୍ତ ସେମାନଙ୍କର ଧାର୍ମିକତା ଏହି," ଏହା ସଦାପ୍ରଭୁ କହନ୍ତି ।
\s5
\c 55
\s ଈଶ୍ୱରଙ୍କ କରୁଣା
\p
\v 1 "ହେ ତୃଷିତ ଲୋକସକଳ, ତୁମ୍ଭେମାନେ ଜଳ ନିକଟକୁ ଆସ, ପୁଣି ଯାହାର କିଛି ଅର୍ଥ ନାହିଁ, ସେ ଆସୁ; ତୁମ୍ଭେମାନେ ଆସ, କିଣ ଓ ଭୋଜନ କର; ହଁ, ଆସ, ଅର୍ଥ ଓ ମୂଲ୍ୟ ବିନା ଦ୍ରାକ୍ଷାରସ ଓ ଦୁଗ୍ଧ କିଣ ।
\s5
\v 2 ଅଖାଦ୍ୟ ଦ୍ରବ୍ୟ ନିମନ୍ତେ ତୁମ୍ଭେମାନେ କାହିଁକି ରୂପା ବ୍ୟୟ କରୁଅଛ ? ଓ ଯାହା ତୃପ୍ତିକର ନୁହେଁ, ତହିଁ ପାଇଁ କାହିଁକି ତୁମ୍ଭେମାନେ ପରିଶ୍ରମ କରୁଅଛ ? ମନୋଯୋଗ କରି ଆମ୍ଭର କଥା ଶୁଣ ଓ ଉତ୍ତମ ଦ୍ରବ୍ୟ ଭୋଜନ କର ଓ ପୁଷ୍ଟିକର ଦ୍ରବ୍ୟରେ ତୁମ୍ଭମାନଙ୍କର ପ୍ରାଣକୁ ସନ୍ତୁଷ୍ଟ ହେବାକୁ ଦିଅ ।
\s5
\v 3 କର୍ଣ୍ଣ ଡେର ଓ ଆମ୍ଭ ନିକଟକୁ ଆସ; ଶୁଣ, ତହିଁରେ ତୁମ୍ଭମାନଙ୍କର ପ୍ରାଣ ବଞ୍ଚିବ; ପୁଣି, ଆମ୍ଭେ ତୁମ୍ଭମାନଙ୍କ ସହିତ ଏକ ନିତ୍ୟସ୍ଥାୟୀ ନିୟମ, ଅର୍ଥାତ୍‍, ଦାଉଦଙ୍କ ପ୍ରତି ନିଶ୍ଚିତ ଦୟା ସ୍ଥିର କରିବା ।
\v 4 ଦେଖ, ଆମ୍ଭେ ତାହାଙ୍କୁ ଗୋଷ୍ଠୀବର୍ଗର ସାକ୍ଷୀ ରୂପେ, ଗୋଷ୍ଠୀବର୍ଗର ଅଗ୍ରଣୀ ଓ ଆଜ୍ଞାଦାତା ରୂପେ ନିଯୁକ୍ତ କରିଅଛୁ ।"
\s5
\v 5 ଦେଖ, ଯେଉଁ ଗୋଷ୍ଠୀକୁ ତୁମ୍ଭେ ଜାଣୁ ନାହଁ, ତାହାକୁ ତୁମ୍ଭେ ଆହ୍ୱାନ କରିବ ଓ ଯେଉଁ ଗୋଷ୍ଠୀ ତୁମ୍ଭକୁ ଜାଣିଲା ନାହିଁ, ସେ ତୁମ୍ଭ ନିକଟକୁ ଦୌଡ଼ିବ, ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କର ଓ ଇସ୍ରାଏଲର ଧର୍ମସ୍ୱରୂପଙ୍କ ସକାଶୁ ଏହା ଘଟିବ; କାରଣ ସେ ତୁମ୍ଭଙ୍କୁ ଗୌରବାନ୍ୱିତ କରିଅଛନ୍ତି ।
\s5
\v 6 ଯେପର୍ଯ୍ୟନ୍ତ ସଦାପ୍ରଭୁଙ୍କର ଉଦ୍ଦେଶ୍ୟ ମିଳୁଅଛି, ସେପର୍ଯ୍ୟନ୍ତ ତୁମ୍ଭେମାନେ ତାହାଙ୍କର ଅନ୍ୱେଷଣ କର, ଯେପର୍ଯ୍ୟନ୍ତ ସେ ନିକଟରେ ଅଛନ୍ତି, ସେପର୍ଯ୍ୟନ୍ତ ତାହାଙ୍କଠାରେ ପ୍ରାର୍ଥନା କର ।
\v 7 ଦୁଷ୍ଟ ଆପଣାର ପଥ ଓ ଅଧାର୍ମିକ ଆପଣା ସଂକଳ୍ପ ପରିତ୍ୟାଗ କରୁ; ପୁଣି, ସେ ସଦାପ୍ରଭୁଙ୍କ ପ୍ରତି ଫେରୁ, ତହିଁରେ ସେ ତାହାକୁ ଦୟା କରିବେ; ଆଉ, ସେ ଆମ୍ଭମାନଙ୍କର ପରମେଶ୍ୱରଙ୍କ ପ୍ରତି ଫେରୁ, କାରଣ ସେ ବହୁଳ ରୂପରେ କ୍ଷମା କରିବେ ।
\s5
\v 8 ଯେହେତୁ ସଦାପ୍ରଭୁ କହନ୍ତି, "ଆମ୍ଭର ସଂକଳ୍ପସକଳ ତୁମ୍ଭମାନଙ୍କର ସଂକଳ୍ପ ପରି ନୁହେଁ, କିଅବା ତୁମ୍ଭମାନଙ୍କର ମାର୍ଗସକଳ ଆମ୍ଭର ମାର୍ଗ ପରି ନୁହେଁ ।"
\v 9 "କାରଣ ପୃଥିବୀ ଅପେକ୍ଷା ଆକାଶମଣ୍ଡଳ ଯେପରି ଉଚ୍ଚ, ସେପରି ଆମ୍ଭର ମାର୍ଗସକଳ ତୁମ୍ଭମାନଙ୍କର ମାର୍ଗ ଅପେକ୍ଷା ଓ ଆମ୍ଭର ସଂକଳ୍ପ ସକଳ ତୁମ୍ଭମାନଙ୍କ ସଂକଳ୍ପ ଅପେକ୍ଷା ଉଚ୍ଚତର ଅଟେ ।
\s5
\v 10 ଯେହେତୁ ଯେପରି ବୃଷ୍ଟି ଓ ହିମ ଆକାଶରୁ ତଳକୁ ଆସେ ଓ ସେଠାକୁ ଫେରି ଯାଏ ନାହିଁ, ମାତ୍ର ଭୂମିକୁ ସନ୍ତରା କରେ, ପୁଣି ଫଳବତୀ ଓ ତୃଣାଦି ଉତ୍ପନ୍ନ କରି ବପନକାରୀକୁ ବୀଜ ଓ ଭୋଜନକାରୀକୁ ଭକ୍ଷ୍ୟ ଦିଏ;
\v 11 ଆମ୍ଭ ମୁଖରୁ ନିର୍ଗତ ବାକ୍ୟ ସେପରି ହେବ; ତାହା ନିଷ୍ଫଳ ହୋଇ ଆମ୍ଭ ନିକଟକୁ ଫେରି ଆସିବ ନାହିଁ, ମାତ୍ର ଆମ୍ଭେ ଯାହା ଇଚ୍ଛା କରୁ, ତାହା ସିଦ୍ଧ କରିବା ଓ ଯେଉଁ କାର୍ଯ୍ୟ ପାଇଁ ଆମ୍ଭେ ପ୍ରେରଣ କରୁ, ତହିଁରେ କୃତାର୍ଥ ହେବ ।
\s5
\v 12 ଏଣୁ ତୁମ୍ଭେମାନେ ଆନନ୍ଦରେ ବାହାର ହୋଇ ଶାନ୍ତିରେ ଆଗେ ଆଗେ ନିଆଯିବ; ପର୍ବତ ଓ ଉପପର୍ବତଗଣ ତୁମ୍ଭମାନଙ୍କ ସମ୍ମୁଖରେ ଉଚ୍ଚସ୍ୱରରେ ଗାନ କରିବେ ଓ କ୍ଷେତ୍ରସ୍ଥ ବୃକ୍ଷସକଳ କରତାଳି ଦେବେ ।
\v 13 କଣ୍ଟକ ବୃକ୍ଷ ବଦଳରେ ଦେବଦାରୁ ଓ କାନକୋଳି କଣ୍ଟା ବଦଳରେ ମେହେନ୍ଦି ବୃକ୍ଷ ଉତ୍ପନ୍ନ ହେବ; ପୁଣି, ତାହା ସଦାପ୍ରଭୁଙ୍କର କୀର୍ତ୍ତି ସ୍ୱରୂପ ଓ ଅକ୍ଷୟ ନିତ୍ୟସ୍ଥାୟୀ ଚିହ୍ନ ସ୍ୱରୂପ ହେବ ।"
\s5
\c 56
\s ବିଜାତୀୟଙ୍କ ପରିତ୍ରାଣ
\p
\v 1 ସଦାପ୍ରଭୁ ଏହି କଥା କହନ୍ତି, "ତୁମ୍ଭେମାନେ ନ୍ୟାୟବିଚାର ପାଳନ କର; ଧର୍ମକର୍ମ କର; କାରଣ ଆମ୍ଭର ପରିତ୍ରାଣର ଆଗମନ ଓ ଆମ୍ଭ ଧର୍ମର ପ୍ରକାଶ ସନ୍ନିକଟ ।
\v 2 ଯେଉଁ ମନୁଷ୍ୟ ଏହା କରେ ଓ ଯେଉଁ ମନୁଷ୍ୟ-ସନ୍ତାନ ଏହା ଦୃଢ଼ ରୂପେ ଅବଲମ୍ବନ କରେ; ଯେ ବିଶ୍ରାମବାର ପାଳନ କରି ତାହା ଅଶୁଚି ନ କରେ ଓ ସବୁ ପ୍ରକାର କୁକର୍ମରୁ ଆପଣା ହସ୍ତକୁ ନିବାରଣ କରେ, ସେ ଧନ୍ୟ ।"
\s5
\v 3 "ନିଶ୍ଚୟ ସଦାପ୍ରଭୁ ଆପଣା ଲୋକମାନଙ୍କଠାରୁ ମୋତେ ପୃଥକ୍ କରିବେ", ଏହା ସଦାପ୍ରଭୁଙ୍କଠାରେ ଆସକ୍ତ ବିଦେଶୀ ଲୋକ ନ କହୁ; ଅଥବା "ଦେଖ, ମୁଁ ଗୋଟିଏ ଶୁଷ୍କ ବୃକ୍ଷ, ଏହା ନପୁଂସକ ନ କହୁ ।"
\s5
\v 4 କାରଣ, ନପୁଂସକମାନଙ୍କ ବିଷୟରେ ସଦାପ୍ରଭୁ ଏହି କଥା କହନ୍ତି, "ଯେଉଁମାନେ ଆମ୍ଭର ବିଶ୍ରାମଦିନ ପାଳନ କରନ୍ତି ଓ ଆମ୍ଭର ତୁଷ୍ଟିକର ବିଷୟ ମନୋନୀତ କରନ୍ତି ଓ ଆମ୍ଭର ନିୟମ ଅବଲମ୍ବନ କରନ୍ତି;
\v 5 ସେମାନଙ୍କୁ ଆମ୍ଭେ ଆମ୍ଭ ଗୃହ ମଧ୍ୟରେ ଓ ଆମ୍ଭ ପ୍ରାଚୀର ଭିତରେ ପୁତ୍ର କନ୍ୟା ଅପେକ୍ଷା ଉତ୍ତମ ସ୍ମରଣାର୍ଥକ ସ୍ତମ୍ଭ ଓ ନାମ ଦେବା; ଆମ୍ଭେ ସେମାନଙ୍କୁ ଅନନ୍ତକାଳସ୍ଥାୟୀ ନାମ ଦେବା, ତାହା କଟା ହେବ ନାହିଁ ।"
\s5
\v 6 ଆହୁରି, ଯେଉଁ ବିଦେଶୀୟମାନେ ସଦାପ୍ରଭୁଙ୍କର ପରିଚର୍ଯ୍ୟା କରିବା ପାଇଁ ଓ ସଦାପ୍ରଭୁଙ୍କ ନାମକୁ ପ୍ରେମ କରିବା ପାଇଁ ଓ ତାହାଙ୍କର ଦାସ ହେବା ନିମନ୍ତେ ସଦାପ୍ରଭୁଙ୍କଠାରେ ଆସକ୍ତ ହୁଅନ୍ତି, ଅର୍ଥାତ୍‍, ଯେଉଁମାନେ ବିଶ୍ରାମଦିନ ପାଳନ କରି ତାହା ଅଶୁଚି ନ କରନ୍ତି ଓ ଆମ୍ଭର ନିୟମ ଅବଲମ୍ବନ କରନ୍ତି;
\v 7 ସେସମସ୍ତଙ୍କୁ ଆମ୍ଭେ ଆପଣା ପବିତ୍ର ପର୍ବତକୁ ଆଣିବା ଓ ଆମ୍ଭର ପ୍ରାର୍ଥନାଗୃହରେ ସେମାନଙ୍କୁ ଆନନ୍ଦିତ କରିବା; ସେମାନଙ୍କର ହୋମବଳି ଓ ପ୍ରାୟଶ୍ଚିତ୍ତ ବଳିସବୁ ଆମ୍ଭ ଯଜ୍ଞବେଦି ଉପରେ ଗ୍ରାହ୍ୟ ହେବ; କାରଣ ଆମ୍ଭର ଗୃହ ସର୍ବଗୋଷ୍ଠୀୟ ଲୋକଙ୍କର ପ୍ରାର୍ଥନାଗୃହ ବୋଲି ବିଖ୍ୟାତ ହେବ ।
\s5
\v 8 ଯେ ଇସ୍ରାଏଲର ଦୂରୀକୃତ ଲୋକଙ୍କୁ ସଂଗ୍ରହ କରନ୍ତି, ସେହି ପ୍ରଭୁ, ସଦାପ୍ରଭୁ କହନ୍ତି, "ତାହାର ସଂଗୃହୀତ ନିଜ ଲୋକ ଛଡ଼ା ଆମ୍ଭେ ଅନ୍ୟ ଲୋକମାନଙ୍କୁ ତାହା ନିକଟରେ ସଂଗ୍ରହ କରିବା ।"
\s ଇସ୍ରାଏଲର ଦାୟିତ୍ୱହୀନ ନେତୃତ୍ୱ
\p
\s5
\v 9 ହେ କ୍ଷେତ୍ରସ୍ଥ ପଶୁସବୁ, ହେ ବନସ୍ଥ ସମସ୍ତ ପଶୁ, ତୁମ୍ଭେମାନେ ଗ୍ରାସ କରିବାକୁ ଆସ ।
\v 10 ତାହାର ପ୍ରହରୀଗଣ ଅନ୍ଧ, ସେସମସ୍ତେ ଜ୍ଞାନହୀନ; ସେସମସ୍ତେ ଘୁଙ୍ଗା କୁକୁର, ସେମାନେ ଭୋକି ପାରନ୍ତି ନାହିଁ; ସେମାନେ ସ୍ୱପ୍ନଦର୍ଶୀ, ନିଦ୍ରାଳୁ, ଢୁଳାଇବାକୁ ସୁଖ ପା'ନ୍ତି ।
\s5
\v 11 ଆହୁରି, ସେହି କୁକୁରମାନେ ପେଟୁକ, ସେମାନେ କେବେ ତୃପ୍ତ ନୁହନ୍ତି; ଆଉ, ଏମାନେ ବିବେଚନାଶକ୍ତିଶୂନ୍ୟ ପାଳକ; ସେସମସ୍ତେ ଚାରିଆଡ଼ରୁ ଆପଣା ଆପଣା ଲାଭ ଚେଷ୍ଟାରେ ଆପଣା ଆପଣା ବାଟ ଆଡ଼େ ଫେରିଅଛନ୍ତି ।
\v 12 ପ୍ରତ୍ୟେକେ କହନ୍ତି, "ଆସ", "ଆମ୍ଭେ ଦ୍ରାକ୍ଷାରସ ଆଣିବା ଓ ଆମ୍ଭେମାନେ ସୁରାପାନରେ ମତ୍ତ ହେବା; ପୁଣି, ଯେପରି ଆଜି, ସେପରି କାଲି ହେବ, ତାହା ଅପରିମିତ ମହାଦିନ ହେବ । "
\s5
\c 57
\s ଇସ୍ରାଏଲର ନିଷ୍ଫଳ ପ୍ରତିମା ପୂଜା
\p
\v 1 ଧାର୍ମିକ ଲୋକ ବିନଷ୍ଟ ହେଉଅଛି ଓ ସେ ବିଷୟରେ କେହି ମନୋଯୋଗ କରୁ ନାହିଁ; ପୁଣି, ଭକ୍ତ ଲୋକମାନେ ନିଆ ଯାଉଅଛନ୍ତି, ଧାର୍ମିକମାନେ ଯେ ଆସନ୍ତା ବିପଦରୁ ନିଆ ଯାଉଅଛନ୍ତି, ଏହା କେହି ବିବେଚନା କରୁ ନାହିଁ ।
\v 2 ସେ ଶାନ୍ତିରେ ପ୍ରବେଶ କରେ; ସରଳପଥଗାମୀମାନେ ପ୍ରତ୍ୟେକେ ଆପଣା ଆପଣା ଶଯ୍ୟାରେ ବିଶ୍ରାମ କରନ୍ତି ।
\s5
\v 3 ହେ ଗଣିକାର ପୁତ୍ରଗଣ, ପାରଦାରିକ ଓ ବେଶ୍ୟାର ବଂଶ, ତୁମ୍ଭେମାନେ ନିକଟକୁ ଆସ ।
\v 4 ତୁମ୍ଭେମାନେ କାହାକୁ ଉପହାସ କରୁଅଛ ? ତୁମ୍ଭେମାନେ କାହାଆଡ଼େ ମୁଖ ମେଲାଇ ଜିହ୍ୱା ବାହାର କରୁଅଛ ? ତୁମ୍ଭେମାନେ କି ଅଧର୍ମର ସନ୍ତାନ ଓ ଅସତ୍ୟତାର ବଂଶ ନୁହଁ ?
\s5
\v 5 ତୁମ୍ଭେମାନେ ଅଲୋନ୍‍ ବୃକ୍ଷଗଣ ମଧ୍ୟରେ, ପ୍ରତ୍ୟେକ ହରିତ୍‍ପୂର୍ଣ୍ଣ ବୃକ୍ଷ ତଳେ ଆସକ୍ତିରୂପ ଅନଳରେ ଆପଣାମାନଙ୍କୁ କି ଉତ୍ତପ୍ତ କରୁ ନାହଁ; ତୁମ୍ଭେମାନେ ନାନା ଉପତ୍ୟକାରେ, ଶୈଳଗଣର ଫାଟ ତଳେ ସନ୍ତାନଗଣକୁ କି ବଧ କରୁ ନାହଁ ?
\s5
\v 6 ଉପତ୍ୟକାର ଚିକ୍‍କଣ ପ୍ରସ୍ତରସକଳ ମଧ୍ୟରେ ତୁମ୍ଭର ଅଂଶ, ସେସବୁ ତୁମ୍ଭର ଅଧିକାର; ଆଉ, ସେମାନଙ୍କ ଉଦ୍ଦେଶ୍ୟରେ ତୁମ୍ଭେ ପେୟ-ନୈବେଦ୍ୟ ଢାଳିଅଛ, ନୈବେଦ୍ୟ ଉତ୍ସର୍ଗ କରିଅଛ । ଏହିସବୁ ହେତୁରୁ ଆମ୍ଭେ କି ଶାନ୍ତ ହେବା ?
\s5
\v 7 ଉଚ୍ଚ ଓ ଉନ୍ନତ ପର୍ବତ ଉପରେ ତୁମ୍ଭେ ଆପଣା ଶଯ୍ୟା ପାତିଅଛ; ସେସ୍ଥାନକୁ ମଧ୍ୟ ତୁମ୍ଭେ ବଳିଦାନ କରିବା ପାଇଁ ଯାଇଅଛ ।
\v 8 ପୁଣି, କବାଟ ଓ ଚୌକାଠର ପଛରେ ତୁମ୍ଭେ ତୁମ୍ଭର ସ୍ମରଣାର୍ଥକ ସ୍ତମ୍ଭ ସ୍ଥାପନ କରିଅଛ; କାରଣ ତୁମ୍ଭେ ଆମ୍ଭ ଛଡ଼ା ଅନ୍ୟ ପ୍ରତି ଆପଣାକୁ ଅନାବୃତ କରି ଉପରକୁ ଯାଇଅଛ; ତୁମ୍ଭେ ଆପଣା ଶଯ୍ୟା ବଢ଼ାଇ ସେମାନଙ୍କ ସଙ୍ଗେ ନିୟମ କରିଅଛ; ତୁମ୍ଭେ ଯେଉଁଠାରେ ସେମାନଙ୍କ ଶଯ୍ୟା ଦେଖିଲ, ତାହା ଭଲ ପାଇଅଛ ।
\s5
\v 9 ପୁଣି, ତୁମ୍ଭେ ତୈଳ ଘେନି ରାଜା ନିକଟକୁ ଯାଇଅଛ ଓ ଆପଣା ସୁଗନ୍ଧି ଦ୍ରବ୍ୟ ବୃଦ୍ଧି କରିଅଛ, ଆଉ ତୁମ୍ଭେ ଦୂର ଦେଶକୁ ଆପଣା ଦୂତଗଣ ପଠାଇଅଛ ଓ ପାତାଳ ପର୍ଯ୍ୟନ୍ତ ଆପଣାକୁ ଅଧମ କରିଅଛ ।
\v 10 ତୁମ୍ଭେ ଆପଣା ମାର୍ଗର ଦୀର୍ଘତା ହେତୁ କ୍ଳାନ୍ତ ହୋଇଥିଲ, ତଥାପି ଆଉ ଭରସା ନାହିଁ ବୋଲି କହିଲ ନାହିଁ; ତୁମ୍ଭର ବଳ ସତେଜ ହେଲା ବୋଲି ବୋଧ ପାଇଲ, ଏଥିପାଇଁ ତୁମ୍ଭେ କ୍ଳାନ୍ତ ହେଲ ନାହିଁ ।
\s5
\v 11 ପୁଣି, କାହାର ସକାଶୁ ତୁମ୍ଭେ ଏପରି ତ୍ରାସଯୁକ୍ତା ଓ ଭୀତା ହୋଇଅଛ ଯେ, ତୁମ୍ଭେ ମିଥ୍ୟା କହୁଅଛ ଓ ଆମ୍ଭକୁ ସ୍ମରଣ କରି ନାହଁ, କିଅବା ଆପଣା ମନ ତହିଁରେ ଦେଇ ନାହଁ ? ଆମ୍ଭେ କି ଦୀର୍ଘକାଳ ନୀରବ ରହି ନାହୁଁ, ତେଣୁ ତୁମ୍ଭେ କି ଆମ୍ଭକୁ ଭୟ କରୁ ନାହଁ ?
\v 12 ଆମ୍ଭେ ତୁମ୍ଭର ଧାର୍ମିକତା ପ୍ରକାଶ କରିବା; ପୁଣି, ତୁମ୍ଭର କର୍ମସକଳ ତୁମ୍ଭର ଉପକାରୀ ହେବ ନାହିଁ ।
\s5
\v 13 ତୁମ୍ଭେ ଯେଉଁମାନଙ୍କୁ ସଂଗ୍ରହ କରିଅଛ, ତୁମ୍ଭେ କାନ୍ଦିବା ବେଳେ ସେମାନେ ଉଦ୍ଧାର କରନ୍ତୁ; ମାତ୍ର ବାୟୁ ସେମାନଙ୍କୁ ଉଡ଼ାଇ ନେବ, ଏକ ନିଶ୍ୱାସ ସେସମସ୍ତଙ୍କୁ ନେଇ ଯିବ; କିନ୍ତୁ ଯେଉଁ ଲୋକ ଆମ୍ଭର ଶରଣ ନିଏ, ସେ ଦେଶ ଅଧିକାର କରିବ ଓ ଆମ୍ଭ ପବିତ୍ର ପର୍ବତର ଅଧିକାରୀ ହେବ ।
\s ନମ୍ରମନା ପ୍ରତି ଈଶ୍ୱର ସହାୟ
\p
\s5
\v 14 ଆଉ, ସେ କହିବେ, "ତୁମ୍ଭେମାନେ ଉଚ୍ଚ କର, ଉଚ୍ଚ କର, ପଥ ପ୍ରସ୍ତୁତ କର, ଆମ୍ଭ ଲୋକମାନଙ୍କ ପଥରୁ ବିଘ୍ନ ଦୂର କର ।"
\v 15 କାରଣ ଯେ ଅନନ୍ତ କାଳନିବାସୀ, ଯାହାଙ୍କର ନାମ ପବିତ୍ର , ସେହି ଉଚ୍ଚ ଓ ଉନ୍ନତ ପୁରୁଷ ଏହି କଥା କହନ୍ତି; "ଆମ୍ଭେ ଉର୍ଦ୍ଧ୍ୱ ଓ ପବିତ୍ର ସ୍ଥାନରେ ବାସ କରୁ, ମଧ୍ୟ ନମ୍ର ଲୋକମାନଙ୍କର ଆତ୍ମାକୁ ସଜୀବ ଓ ଚୂର୍ଣ୍ଣମନା ଲୋକମାନଙ୍କର ଅନ୍ତଃକରଣକୁ ସଜୀବ କରିବା ପାଇଁ ଆମ୍ଭେ ଚୂର୍ଣ୍ଣ ଓ ନମ୍ରମନା ଲୋକର ସଙ୍ଗରେ ହେଁ ବାସ କରୁ ।
\s5
\v 16 କାରଣ ଆମ୍ଭେ ସର୍ବଦା ବିରୋଧ କରିବା ନାହିଁ, ଅଥବା ନିରନ୍ତର କ୍ରୋଧ କରିବା ନାହିଁ; କଲେ, ଆତ୍ମା ଓ ଆମ୍ଭ ନିର୍ମିତ ପ୍ରାଣୀସକଳ ଆମ୍ଭ ସମ୍ମୁଖରେ କ୍ଷୀଣ ହେବେ ।
\v 17 ଆମ୍ଭେ ତାହାର ଲୋଭରୂପ ଅପରାଧ ହେତୁ କ୍ରୁଦ୍ଧ ହୋଇ ତାହାକୁ ଆଘାତ କଲୁ, ଆମ୍ଭେ ଆପଣା ମୁଖ ଲୁଚାଇ କ୍ରୁଦ୍ଧ ହେଲୁ, ତହିଁରେ ସେ ଅବାଧ୍ୟ ହୋଇ ଆପଣା ମନର ମାର୍ଗରେ ଚାଲିଲା ।
\s5
\v 18 ଆମ୍ଭେ ତାହାର ଗତି ଦେଖିଅଛୁ ଓ ତାହାକୁ ସୁସ୍ଥ କରିବା; ମଧ୍ୟ ଆମ୍ଭେ ତାହାକୁ ପଥ କଢ଼ାଇବା, ପୁଣି ତାହାକୁ ଓ ତାହାର ଶୋକାକୁଳ ଲୋକମାନଙ୍କୁ ପୁନର୍ବାର ସାନ୍ତ୍ୱନା ଦେବା ।
\v 19 ଆମ୍ଭେ ଓଷ୍ଠାଧରର ଫଳ ସୃଷ୍ଟି କରୁ; ସଦାପ୍ରଭୁ କହନ୍ତି, "ଦୂରବର୍ତ୍ତୀ ଓ ନିକଟବର୍ତ୍ତୀ ଲୋକ ପ୍ରତି ଶାନ୍ତି, ଶାନ୍ତି ହେଉ ଓ ଆମ୍ଭେ ତାହାକୁ ସୁସ୍ଥ କରିବା ।"
\s5
\v 20 ମାତ୍ର ଦୁଷ୍ଟମାନେ ତରଙ୍ଗିତ ସମୁଦ୍ର ତୁଲ୍ୟ, କାରଣ ତାହା ସ୍ଥିର ହୋଇପାରେ ନାହିଁ, ଆଉ ତହିଁର ଜଳରେ ପଙ୍କ ଓ କାଦୁଅ ଉଠେ ।
\v 21 ଆମ୍ଭର ପରମେଶ୍ୱର କହନ୍ତି, "ଦୁଷ୍ଟମାନଙ୍କର କିଛି ହିଁ ଶାନ୍ତି ନାହିଁ ।"
\s5
\c 58
\s ପ୍ରକୃତ ଉପବାସ
\p
\v 1 ମୁକ୍ତ କଣ୍ଠରେ ଘୋଷଣା କର, ସ୍ୱର ଊଣା କର ନାହିଁ, ତୂରୀ ପରି ଆପଣା ରବ ଉଠାଅ, ଆମ୍ଭ ଲୋକମାନଙ୍କୁ ସେମାନଙ୍କ ଅଧର୍ମ ଓ ଯାକୁବ ବଂଶକୁ ସେମାନଙ୍କ ପାପସବୁ ଜଣାଅ ।
\v 2 ତଥାପି ସେମାନେ ପ୍ରତିଦିନ ଆମ୍ଭର ଅନ୍ୱେଷଣ କରନ୍ତି ଓ ଆମ୍ଭ ପଥ ବିଷୟ ଜାଣିବାକୁ ସନ୍ତୁଷ୍ଟ ହୁଅନ୍ତି; ଯେଉଁ ଗୋଷ୍ଠୀୟ ଲୋକେ ଧର୍ମକର୍ମ କରନ୍ତି ଓ ଆପଣାମାନଙ୍କ ପରମେଶ୍ୱରଙ୍କର ବିଧାନ ତ୍ୟାଗ କରି ନାହାନ୍ତି, ସେମାନଙ୍କ ପରି ସେମାନେ ଧର୍ମ ବିଧାନ ବିଷୟ ଆମ୍ଭକୁ ପଚାରନ୍ତି ଓ ପରମେଶ୍ୱରଙ୍କର ନିକଟକୁ ଆସିବାକୁ ସନ୍ତୁଷ୍ଟ ହୁଅନ୍ତି ।
\s5
\v 3 ସେମାନେ କୁହନ୍ତି, "ଆମ୍ଭେମାନେ କାହିଁକି ଉପବାସ କରିଅଛୁ ଓ ତୁମ୍ଭେ ଦୃଷ୍ଟି କରୁ ନାହଁ ?" ଆମ୍ଭେମାନେ କାହିଁକି ଆପଣା ଆପଣା ପ୍ରାଣକୁ କ୍ଲେଶ ଦେଇଅଛୁ ଓ ତୁମ୍ଭେ ମନୋଯୋଗ କରୁ ନାହଁ ? ଦେଖ, ତୁମ୍ଭେମାନେ ଉପବାସ ଦିନ ଆପଣା ସୁଖ ଚେଷ୍ଟା କରୁଅଛ ଓ ବଳପୂର୍ବକ ସବୁ ପରିଶ୍ରମ ନେଉଅଛ ।
\s5
\v 4 ଦେଖ, ତୁମ୍ଭେମାନେ ବିବାଦ ଓ କଳହ ନିମନ୍ତେ, ଆଉ ଦୁଷ୍ଟତାରୂପ ମୁଷ୍ଟି ଦ୍ୱାରା ଆଘାତ କରିବା ନିମନ୍ତେ ଉପବାସ କରୁଅଛ; ତୁମ୍ଭମାନଙ୍କର ରବ ଉର୍ଦ୍ଧ୍ୱରେ ଯେପରି ଶୁଣାଯିବ, ଏପରି ଉପବାସ ଆଜି ତୁମ୍ଭେମାନେ କରୁ ନାହଁ ।
\v 5 ଏହି ପ୍ରକାର ଉପବାସ, ମନୁଷ୍ୟ ଆପଣା ପ୍ରାଣକୁ କ୍ଲେଶ ଦେବା ନିମନ୍ତେ ଏହି ପ୍ରକାର ଦିନ, ଆମ୍ଭେ କ'ଣ ମନୋନୀତ କରିଅଛୁ ? ନଳବୃକ୍ଷ ପରି ମସ୍ତକ ନୁଆଁଇବାର, ପୁଣି ଚଟବସ୍ତ୍ର ଓ ଭସ୍ମ ଆପଣା ତଳେ ବିଛାଇବାର, ଏହାକୁ ତୁମ୍ଭେ ଉପବାସ ଓ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ କି ଗ୍ରାହ୍ୟ ଦିନ ବୋଲି କହିବ ?
\s5
\v 6 ଦୁଷ୍ଟତାରୂପ ବନ୍ଧନ ଫିଟାଇ ଦେବାର, ଯୁଆଳିର ବନ୍ଧନ ମୁକ୍ତ କରିବାର ଓ ଉପଦ୍ରବଗ୍ରସ୍ତ ଲୋକମାନଙ୍କୁ ମୁକ୍ତ କରି ଛାଡ଼ି ଦେବାର, ପୁଣି ପ୍ରତ୍ୟେକ ଯୁଆଳି ଭଗ୍ନ କରିବାର,
\v 7 କ୍ଷୁଧିତ ଲୋକକୁ ତୁମ୍ଭର ଖାଦ୍ୟ ବଣ୍ଟନ କରିବାର, ଓ ତାଡ଼ିତ ଦୁଃଖୀ ଲୋକକୁ ଆପଣା ଗୃହକୁ ଆଣିବାର, ତୁମ୍ଭେ ଉଲଙ୍ଗକୁ ଦେଖିଲେ, ତାହାକୁ ବସ୍ତ୍ର ପିନ୍ଧାଇବାର ଓ ତୁମ୍ଭର ନିଜ ବଂଶୀୟ ଲୋକଠାରୁ ଆପଣାକୁ ନ ଲୁଚାଇବାର, ଏହି ପ୍ରକାର ଉପବାସ ଆମ୍ଭେ କି ମନୋନୀତ କରି ନାହୁଁ ?
\s5
\v 8 ଏହା କଲେ, ଅରୁଣ ତୁଲ୍ୟ ତୁମ୍ଭର ଦୀପ୍ତି ପ୍ରକାଶ ପାଇବ ଓ ତୁମ୍ଭର ଆରୋଗ୍ୟ ଶୀଘ୍ର ଅଙ୍କୁରିତ ହେବ; ପୁଣି, ତୁମ୍ଭର ଧର୍ମ ତୁମ୍ଭର ଅଗ୍ରବର୍ତ୍ତୀ ହେବ; ସଦାପ୍ରଭୁଙ୍କର ପ୍ରତାପ ତୁମ୍ଭର ପଶ୍ଚାଦ୍‍ବର୍ତ୍ତୀ ହେବ ।
\s5
\v 9 ସେତେବେଳେ ତୁମ୍ଭେ ଡାକିବ ଓ ସଦାପ୍ରଭୁ ଉତ୍ତର ଦେବେ; ତୁମ୍ଭେ ଆର୍ତ୍ତସ୍ୱର କରିବ, ଆଉ ସେ କହିବେ, "ଆମ୍ଭେ ଉପସ୍ଥିତ ଅଛୁ ।" ଯଦି ତୁମ୍ଭେ ଆପଣା ମଧ୍ୟରୁ ଯୁଆଳି, ଅଙ୍ଗୁଳିତର୍ଜ୍ଜନ ଓ ଅଧର୍ମ ବାକ୍ୟ ଦୂର କର;
\v 10 ପୁଣି, ଯଦି କ୍ଷୁଧିତର ପ୍ରତି ତୁମ୍ଭର ପ୍ରାଣ ଆକର୍ଷିତ ହୁଏ ଓ ତୁମ୍ଭେ ଦୁଃଖିତର ପ୍ରାଣକୁ ତୃପ୍ତ କର, ତେବେ ଅନ୍ଧକାରରେ ତୁମ୍ଭର ଦୀପ୍ତି ଉଦିତ ହେବ ଓ ତୁମ୍ଭର ଅନ୍ଧକାର ମଧ୍ୟାହ୍ନର ସମାନ ହେବ;
\s5
\v 11 ଆଉ, ସଦାପ୍ରଭୁ ନିତ୍ୟ ତୁମ୍ଭକୁ ପଥ କଢ଼ାଇ ନେବେ ଓ ମରୁଭୂମିରେ ତୁମ୍ଭ ପ୍ରାଣକୁ ତୃପ୍ତ କରିବେ ଓ ତୁମ୍ଭ ଅସ୍ଥିସକଳକୁ ବଳିଷ୍ଠ କରିବେ; ତହିଁରେ ତୁମ୍ଭେ ଜଳସିଞ୍ଚିତ ଉଦ୍ୟାନ ତୁଲ୍ୟ ଓ ଜଳାଭାବ ନ ଥିବା ନିର୍ଝର ତୁଲ୍ୟ ହେବ ।
\s5
\v 12 ପୁଣି, ତୁମ୍ଭ ବଂଶୀୟ ଲୋକେ ପୁରାତନ ଉତ୍ସନ୍ନ ସ୍ଥାନସକଳ ପୁର୍ନନିର୍ମାଣ କରିବେ; ତୁମ୍ଭେ ପୂର୍ବ କାଳର ଅନେକ ଭିତ୍ତିମୂଳର ଉପରେ ଗାନ୍ଥିବ; ପୁଣି, "ଭଗ୍ନ-ପ୍ରାଚୀର ନିର୍ମାଣକାରୀ ଓ ନିବାସ ନିମନ୍ତେ ପୁନଃ ପଥ ସଂସ୍ଥାପନକାରୀ ବୋଲି ବିଖ୍ୟାତ ହେବ ।"
\s ବିଶ୍ରାମବାର ବିଧି ପାଳନର ପୁରସ୍କାର
\p
\s5
\v 13 ତୁମ୍ଭେ ଯଦି ବିଶ୍ରାମବାର ଲଙ୍ଘନରୁ, ଆମ୍ଭ ପବିତ୍ର ଦିନରେ ନିଜ ଅଭିଳାଷ ଚେଷ୍ଟାରୁ ଆପଣା ପାଦ ଫେରାଅ; ପୁଣି, ବିଶ୍ରାମବାରକୁ ସୁଖଦାୟକ ଓ ସଦାପ୍ରଭୁଙ୍କ ପବିତ୍ର ଦିନକୁ ଆଦରଣୀୟ ବୋଲି କୁହ; ଆଉ, ନିଜ କାର୍ଯ୍ୟ ନ କରି ଅବା ନିଜ ଅଭିଳାଷର ଚେଷ୍ଟା ନ କରି ଅଥବା ନିଜ କଥା ନ କହି ତାହାକୁ ଆଦର କରିବ:
\s5
\v 14 ତେବେ ତୁମ୍ଭେ ସଦାପ୍ରଭୁଙ୍କଠାରେ ଆନନ୍ଦ କରିବ; ପୁଣି, ଆମ୍ଭେ ତୁମ୍ଭକୁ ପୃଥିବୀର ଉଚ୍ଚସ୍ଥଳୀମାନରେ ଆରୋହଣ କରାଇବା; ଆଉ, ତୁମ୍ଭ ପିତା ଯାକୁବର ଅଧିକାର ତୁମ୍ଭକୁ ଭୋଗ କରାଇବା : କାରଣ ସଦାପ୍ରଭୁଙ୍କର ମୁଖ ଏହା କହିଅଛି ।
\s5
\c 59
\s ଲୋକଙ୍କ ଅପରାଧ ଓ ଅତ୍ୟାଚାର
\p
\v 1 ଦେଖ, ସଦାପ୍ରଭୁଙ୍କର ହସ୍ତ ଛୋଟ ହୋଇ ଯାଇ ନାହିଁ ଯେ, ତାହା ପରିତ୍ରାଣ କରି ନ ପାରେ, କିଅବା ତାହାଙ୍କର କର୍ଣ୍ଣ ଭାରୀ ହୋଇ ନାହିଁ, ଯେ ତାହା ଶୁଣି ନ ପାରେ ।
\v 2 ମାତ୍ର ତୁମ୍ଭମାନଙ୍କର ଅପରାଧସବୁ, ତୁମ୍ଭମାନଙ୍କର ଓ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ମଧ୍ୟରେ ବିଚ୍ଛେଦ ଘଟାଇଅଛି ଓ ତୁମ୍ଭମାନଙ୍କର ପାପସବୁ ତୁମ୍ଭମାନଙ୍କଠାରୁ ତାହାଙ୍କ ମୁଖ ଲୁଚାଇଅଛି, ଏଥିପାଇଁ ସେ ଶୁଣିବେ ନାହିଁ ।
\s5
\v 3 କାରଣ ତୁମ୍ଭମାନଙ୍କର ହସ୍ତ ରକ୍ତରେ ଓ ତୁମ୍ଭେମାନେ ମିଥ୍ୟା କହିଅଛ, ଓ ତୁମ୍ଭମାନଙ୍କର ଜିହ୍ୱା ଦୁଷ୍ଟତା ବକେ;
\v 4 କେହି ନ୍ୟାୟରେ ଗୁହାରି ଶୁଣେ ନାହିଁ ଓ କେହି ସତ୍ୟରେ ପ୍ରତିବାଦ କରେ ନାହିଁ; ସେମାନେ ଅସାରତାରେ ନିର୍ଭର କରନ୍ତି ଓ ମିଥ୍ୟା କଥା କହନ୍ତି; ସେମାନେ ଅନିଷ୍ଟକୁ ଗର୍ଭରେ ଧାରଣ କରନ୍ତି ଓ ଅପରାଧ ପ୍ରସବ କରନ୍ତି ।
\s5
\v 5 ସେମାନେ କାଳସର୍ପର ଡିମ୍ବ ଫୁଟାନ୍ତି ଓ ମାକଡ଼ସାର ଜାଲ ବୁଣନ୍ତି; ଯେ ସେମାନଙ୍କର ଡିମ୍ବ ଖାଏ, ସେ ମରେ, ଆଉ ତାହା ଦଳିତ ହେଲେ ତହିଁରୁ କାଳସର୍ପ ବାହାର ହୁଏ ।
\v 6 ସେମାନଙ୍କର ଜାଲ ବସ୍ତ୍ର ହେବ ନାହିଁ, କିଅବା ସେମାନେ ଆପଣା କର୍ମରେ ଆପଣାମାନଙ୍କୁ ଆଚ୍ଛାଦନ କରିବେ ନାହିଁ; ସେମାନଙ୍କର କର୍ମସବୁ ଅଧର୍ମର କର୍ମ ଓ ସେମାନଙ୍କ ହସ୍ତରେ ଦୌରାତ୍ମ୍ୟର କାର୍ଯ୍ୟ ଥାଏ ।
\s5
\v 7 ସେମାନଙ୍କର ଚରଣ ଦୁଷ୍କର୍ମର ଆଡ଼େ ଦୌଡ଼େ ଓ ସେମାନେ ନିର୍ଦ୍ଦୋଷର ରକ୍ତପାତ କରିବାକୁ ବେଗଗାମୀ ହୁଅନ୍ତି; ସେମାନଙ୍କର ଚିନ୍ତାସବୁ ଅଧର୍ମର ଚିନ୍ତା; ସେମାନଙ୍କ ପଥରେ ଉଚ୍ଛିନ୍ନତା ଓ ବିନାଶ ଥାଏ ।
\v 8 ଶାନ୍ତିର ବାଟ ସେମାନେ ଜାଣନ୍ତି ନାହିଁ ଓ ସେମାନଙ୍କ ମାର୍ଗରେ କୌଣସି ବିଚାର ନାହିଁ; ସେମାନେ ଆପଣାମାନଙ୍କ ପାଇଁ ବକ୍ର ପଥ କରିଅଛନ୍ତି; ଯେକେହି ତହିଁରେ ଗମନ କରେ, ସେ ଶାନ୍ତି ଜାଣେ ନାହିଁ ।
\s5
\v 9 ଏନିମନ୍ତେ ବିଚାର ଆମ୍ଭମାନଙ୍କଠାରୁ ଦୂରରେ ଥାଏ, ଧାର୍ମିକତା ଆମ୍ଭମାନଙ୍କ ସଙ୍ଗ ଧରେ ନାହିଁ; ଆମ୍ଭେମାନେ ଦୀପ୍ତି ପାଇଁ ଅପେକ୍ଷା କରୁ, ମାତ୍ର ଦେଖ, ଅନ୍ଧକାର; ଆଲୁଅର ଅପେକ୍ଷା କରୁ, ମାତ୍ର ଆମ୍ଭେମାନେ ଅନ୍ଧାରରେ ଭ୍ରମଣ କରୁ ।
\v 10 ଆମ୍ଭେମାନେ ଅନ୍ଧ ଲୋକ ପରି କାନ୍ଥ ପାଇଁ ଦରାଣ୍ଡି ହେଉ, ହଁ, ଚକ୍ଷୁହୀନ ଲୋକମାନଙ୍କ ପରି ଆମ୍ଭେମାନେ ଦରାଣ୍ଡି ହେଉ; ଆମ୍ଭେମାନେ ସନ୍ଧ୍ୟାବେଳ ପରି ମଧ୍ୟାହ୍ନ କାଳରେ ଝୁଣ୍ଟି ପଡ଼ୁ; ଆମ୍ଭେମାନେ ହୃଷ୍ଟପୁଷ୍ଟ ଲୋକଙ୍କ ମଧ୍ୟରେ ମୃତ ଲୋକଙ୍କ ପରି ଅଛୁ ।
\s5
\v 11 ଆମ୍ଭେ ସମସ୍ତେ ଭଲ୍ଲୁକର ନ୍ୟାୟ ଗର୍ଜନ କରୁ ଓ ଘୁଘୁ ପରି ଅତିଶୟ ବିଳାପ କରୁ; ଆମ୍ଭେମାନେ ବିଚାରର ଅପେକ୍ଷା କରୁ, ମାତ୍ର ତାହା ନାହିଁ; ପରିତ୍ରାଣର ଅପେକ୍ଷା କରୁ, ମାତ୍ର ତାହା ଆମ୍ଭମାନଙ୍କଠାରୁ ଦୂରରେ ଅଛି ।
\s5
\v 12 କାରଣ ତୁମ୍ଭ ସାକ୍ଷାତରେ ଆମ୍ଭମାନଙ୍କର ଅଧର୍ମ ବୃଦ୍ଧି ପାଇଅଛି ଓ ଆମ୍ଭମାନଙ୍କର ପାପ ଆମ୍ଭମାନଙ୍କ ବିରୁଦ୍ଧରେ ସାକ୍ଷ୍ୟ ଦେଉଅଛି; ଯେହେତୁ ଆମ୍ଭମାନଙ୍କର ଅଧର୍ମସବୁ ଆମ୍ଭମାନଙ୍କ ସଙ୍ଗେ ସଙ୍ଗେ ଅଛି ଓ ଆମ୍ଭମାନଙ୍କର ଅପରାଧସବୁ ଆମ୍ଭେମାନେ ତ ଜାଣୁ;
\v 13 ତାହା ଅପରାଧ ଓ ସଦାପ୍ରଭୁଙ୍କୁ ଅସ୍ୱୀକାର କରିବା ଓ ଆମ୍ଭମାନଙ୍କ ପରମେଶ୍ୱରଙ୍କ ପଶ୍ଚାଦ୍‍ଗମନରୁ ବିମୁଖ ହେବା, ଉପଦ୍ରବ ଓ ରାଜଦ୍ରୋହର କଥା କହିବା, ମିଥ୍ୟା କଥା ଧାରଣ କରି ଅନ୍ତଃକରଣରୁ ବାହାର କରିବାର ଅଟେ ।
\s5
\v 14 ଏଥିପାଇଁ ବିଚାର ପଛକୁ ହଟି ଯାଇଅଛି ଓ ଧର୍ମ ଦୂରରେ ଠିଆ ହେଉଅଛି; ଛକସ୍ଥାନରେ ସତ୍ୟତାର ପତନ ହୋଇଅଛି ଓ ସରଳତା ପ୍ରବେଶ କରି ପାରୁ ନାହିଁ ।
\v 15 ହଁ, ସତ୍ୟତାର ଅଭାବ ହୋଇଅଛି ଓ ଯେ ଦୁଷ୍କର୍ମ ତ୍ୟାଗ କରେ, ସେ ଆପଣାକୁ ଲୁଟିତ ସ୍ୱରୂପ କରେ; ପୁଣି, ସଦାପ୍ରଭୁ ଏହା ଦେଖିଲେ: ଆଉ, ନ୍ୟାୟବିଚାର ନ ଥିବାରୁ ଅସନ୍ତୁଷ୍ଟ ହେଲେ ।
\s ବିଚାର ଏବଂ ଉଦ୍ଧାର
\p
\s5
\v 16 ଆହୁରି, ସେ ଦେଖିଲେ ଯେ, କୌଣସି ପୁରୁଷ ବର୍ତ୍ତମାନ ନାହିଁ, ପୁଣି ମଧ୍ୟସ୍ଥ କେହି ନାହିଁ ବୋଲି ଚମତ୍କୃତ ହେଲେ; ଏହେତୁ ତାହାଙ୍କର ନିଜ ବାହୁ ତାହାଙ୍କ ନିମନ୍ତେ ପରିତ୍ରାଣ ସାଧନ କଲା ଓ ତାହାଙ୍କର ଧାର୍ମିକତା ହିଁ ତାହାଙ୍କୁ ଧରି ରଖିଲା ।
\s5
\v 17 ପୁଣି, ସେ ବୁକୁପଟା ରୂପେ ଧାର୍ମିକତା ଓ ପରିତ୍ରାଣର ଟୋପର ଆପଣାର ମସ୍ତକରେ ପିନ୍ଧିଲେ; ଆଉ, ସେ ପ୍ରତିଶୋଧରୂପ ବସ୍ତ୍ର ପରିଧାନ କଲେ ଓ ଉତ୍ତରୀୟ ବସ୍ତ୍ର ରୂପେ ଉଦ୍‍ଯୋଗରୂପ ବସ୍ତ୍ର ପିନ୍ଧିଲେ ।
\v 18 ସେମାନଙ୍କର କର୍ମ ପ୍ରମାଣେ ସେ ଆପଣା ବିପକ୍ଷମାନଙ୍କୁ ପ୍ରଚଣ୍ଡ କୋପରୂପ ପ୍ରତିଦାନ ଓ ଆପଣା ଶତ୍ରୁମାନଙ୍କୁ ପ୍ରତିଫଳ ଦେବେ; ଦ୍ୱୀପସମୂହକୁ ପ୍ରତିଫଳ ଦାନ କରିବେ ।
\s5
\v 19 ତହିଁରେ ଲୋକମାନେ ପଶ୍ଚିମ ଦିଗରୁ ସଦାପ୍ରଭୁଙ୍କ ନାମକୁ ଓ ସୂର୍ଯ୍ୟୋଦୟ ସ୍ଥାନରୁ ଲୋକମାନେ ତାହାଙ୍କର ପ୍ରତାପକୁ ଭୟ କରିବେ; କାରଣ ସଦାପ୍ରଭୁଙ୍କ ନିଃଶ୍ୱାସରେ ଚାଳିତ ପ୍ରବଳ ସ୍ରୋତପରି ଶତ୍ରୁ ମାଡ଼ି ଆସିବ ।
\v 20 ପୁଣି, ସଦାପ୍ରଭୁ କହନ୍ତି, "ସିୟୋନକୁ ଓ ଯାକୁବ ମଧ୍ୟରେ ଯେଉଁମାନେ ଅଧର୍ମରୁ ଫେରନ୍ତି, ସେମାନଙ୍କ ନିକଟକୁ ଏକ ମୁକ୍ତିଦାତା ଆସିବେ ।"
\s5
\v 21 ନିଜ ବିଷୟରେ ସଦାପ୍ରଭୁ କହନ୍ତି, "ସେମାନଙ୍କ ସହିତ ଆମ୍ଭର ନିୟମ ଏହି, ଆମ୍ଭର ଯେଉଁ ଆତ୍ମା ତୁମ୍ଭ ଉପରେ ଅଧିଷ୍ଠାନ କରନ୍ତି ଓ ଆମ୍ଭର ଯେସକଳ ବାକ୍ୟ ଆମ୍ଭେ ତୁମ୍ଭ ମୁଖରେ ରଖିଅଛୁ, ତାହା ତୁମ୍ଭ ମୁଖରୁ ଓ ତୁମ୍ଭ ବଂଶ ମୁଖରୁ ଓ ତୁମ୍ଭ ବଂଶୋତ୍ପନ୍ନ ବଂଶର ମୁଖରୁ ଆଜିଠାରୁ ଅନନ୍ତ କାଳ ପର୍ଯ୍ୟନ୍ତ ଦୂର କରାଯିବ ନାହିଁ", ଏହା ସଦାପ୍ରଭୁ କହନ୍ତି ।
\s5
\c 60
\s ଇସ୍ରାଏଲର ଭବିଷ୍ୟତ ଗୌରବ
\p
\v 1 ଉଠ, ଦୀପ୍ତିମତୀ ହୁଅ, କାରଣ ତୁମ୍ଭର ଦୀପ୍ତି ଉପସ୍ଥିତ ଓ ସଦାପ୍ରଭୁଙ୍କର ପ୍ରତାପ ତୁମ୍ଭ ଉପରେ ଉଦିତ ହୋଇଅଛି ।
\s5
\v 2 କାରଣ, ଦେଖ, ଅନ୍ଧକାର ପୃଥିବୀକୁ ଓ ଘୋର ଅନ୍ଧକାର ଗୋଷ୍ଠୀବର୍ଗଙ୍କୁ ଆଚ୍ଛନ୍ନ କରିବ; ମାତ୍ର ତୁମ୍ଭ ଉପରେ ସଦାପ୍ରଭୁ ଉଦିତ ହେବେ ଓ ତାହାଙ୍କର ପ୍ରତାପ ତୁମ୍ଭ ଉପରେ ଦେଖାଯିବ ।
\v 3 ପୁଣି, ଅନ୍ୟ ଦେଶୀୟମାନେ ତୁମ୍ଭର ଦୀପ୍ତି ନିକଟକୁ ଓ ରାଜଗଣ ତୁମ୍ଭ ଅରୁଣୋଦୟର ଆଲୁଅ ନିକଟକୁ ଆସିବେ ।
\s5
\v 4 ତୁମ୍ଭେ ଅନାଇ ଚତୁର୍ଦ୍ଦିଗ ଦେଖ, ସେସମସ୍ତେ ଏକତ୍ର ହେଉଅଛନ୍ତି, ସେମାନେ ତୁମ୍ଭ ନିକଟକୁ ଆସୁଅଛନ୍ତି; ତୁମ୍ଭର ପୁତ୍ରଗଣ ଦୂରରୁ ଆସିବେ ଓ ତୁମ୍ଭର କନ୍ୟାଗଣ ସେମାନଙ୍କ ବାହୁରେ ଅଣାଯିବେ ।
\v 5 ସେତେବେଳେ ତୁମ୍ଭେ ତାହା ଦେଖି ଦୀପ୍ତିମାନ ହେବ ଓ ତୁମ୍ଭର ହୃଦୟ ଧୁକୁ ଧୁକୁ ହୋଇ ପ୍ରଫୁଲ୍ଲିତ ହେବ; କାରଣ ସମୁଦ୍ରର ଦ୍ରବ୍ୟରାଶି ତୁମ୍ଭଆଡ଼େ ଫେରାଯିବ, ଅନ୍ୟ ଦେଶୀୟମାନଙ୍କର ସମ୍ପତ୍ତି ତୁମ୍ଭ ନିକଟକୁ ଆସିବ ।
\s5
\v 6 ଅପାର ଓଟ, ମିଦୀୟନ ଓ ଐଫାର ଦ୍ରୁତଗାମୀ-ଉଷ୍ଟ୍ର, ତୁମ୍ଭକୁ ଆବୃତ କରିବେ; ସେସବୁ ଶିବା ଦେଶରୁ ଆସିବେ; ସେମାନେ ସୁବର୍ଣ୍ଣ, କୁନ୍ଦୁରୁ ଆଣିବେ ଓ ସଦାପ୍ରଭୁଙ୍କର ପ୍ରଶଂସା ପ୍ରଚାର କରିବେ ।
\v 7 କେଦରର ସମଗ୍ର ମେଷପଲ ତୁମ୍ଭ ନିକଟରେ ଏକତ୍ରୀକୃତ ହେବେ, ନବାୟୋତର ମେଷଗଣ ତୁମ୍ଭର ପରିଚର୍ଯ୍ୟା କରିବେ; ସେମାନେ ସୁଗ୍ରାହ୍ୟ ହୋଇ ଆମ୍ଭ ଯଜ୍ଞବେଦିର ଉପରକୁ ଆସିବେ, ପୁଣି ଆମ୍ଭେ ଆପଣାର ଭୂଷଣ ସ୍ୱରୂପ ଗୃହକୁ ଭୂଷିତ କରିବା ।
\s5
\v 8 ମେଘର ନ୍ୟାୟ ଓ ଆପଣା ଆପଣା ଭାଡ଼ିକୁ ଉଡ଼ନ୍ତା କପୋତଗଣର ନ୍ୟାୟ ଉଡ଼ି ଆସୁଅଛନ୍ତି ଯେ ଏମାନେ, ଏମାନେ କିଏ ?
\v 9 ନିଶ୍ଚୟ ଦ୍ୱୀପସମୂହ ଆମ୍ଭର ଅପେକ୍ଷା କରିବେ, ପୁଣି ତର୍ଶୀଶ୍‍ର ଜାହାଜସକଳ ଅଗ୍ରଗାମୀ ହୋଇ ଆପଣା ଆପଣା ସଙ୍ଗରେ ସେମାନଙ୍କର ରୌପ୍ୟ ଓ ସୁବର୍ଣ୍ଣ ନେଇ, ତୁମ୍ଭ ସନ୍ତାନଗଣକୁ ଦୂରରୁ ଆଣି, ତୁମ୍ଭ ପରମେଶ୍ୱର ସଦାପ୍ରଭୁଙ୍କ ନାମ ନିମନ୍ତେ ଓ ଇସ୍ରାଏଲର ଧର୍ମସ୍ୱରୂପଙ୍କ ନିମନ୍ତେ ଆସିବେ, କାରଣ ସେ ତୁମ୍ଭକୁ ଶୋଭିତ କରିଅଛନ୍ତି ।
\s5
\v 10 ପୁଣି, ବିଦେଶୀୟମାନେ ତୁମ୍ଭର ପ୍ରାଚୀର ନିର୍ମାଣ କରିବେ ଓ ସେମାନଙ୍କର ରାଜଗଣ ତୁମ୍ଭର ପରିଚର୍ଯ୍ୟା କରିବେ; କାରଣ ଆମ୍ଭେ ଆପଣା କୋପରେ ତୁମ୍ଭକୁ ପ୍ରହାର କଲୁ, ମାତ୍ର ଆପଣା ଅନୁଗ୍ରହରେ ଆମ୍ଭେ ତୁମ୍ଭ ପ୍ରତି କରୁଣା କରିଅଛୁ ।
\v 11 ଅନ୍ୟ ଦେଶୀୟମାନଙ୍କର ସମ୍ପତ୍ତି ଓ ତହିଁ ସଙ୍ଗେ ସେମାନଙ୍କର ରାଜଗଣ ଯେପରି ତୁମ୍ଭ ନିକଟକୁ ଅଣାଯିବେ, ଏଥିପାଇଁ ତୁମ୍ଭ ନଗରର ଦ୍ୱାରସକଳ ନିରନ୍ତର ମୁକ୍ତ ଥିବ, ଦିବାରାତ୍ର ସେସବୁ ବନ୍ଦ ହେବ ନାହିଁ ।
\s5
\v 12 କାରଣ ଯେଉଁ ଦେଶ ଓ ରାଜ୍ୟ ତୁମ୍ଭର ସେବା ନ କରିବ, ତାହା ବିନଷ୍ଟ ହେବ, ହଁ, ସେହି ଦେଶସକଳ ନିଃଶେଷ ରୂପେ ଧ୍ୱଂସିତ ହେବ ।
\v 13 ଲିବାନୋନର ଗୌରବ ତୁମ୍ଭ ନିକଟକୁ ଆସିବ, ଦେବଦାରୁ, ତିଧର, ତାଶୂର ବୃକ୍ଷ ଏକତ୍ର ହୋଇ ଆମ୍ଭର ପବିତ୍ର ସ୍ଥାନ ସୁଶୋଭିତ କରିବା ପାଇଁ ଆସିବେ, ପୁଣି ଆମ୍ଭେ ଆପଣା ପାଦପୀଠର ସ୍ଥାନ ଗୌରବାନ୍ୱିତ କରିବା ।
\s5
\v 14 ଆଉ, ଯେଉଁମାନେ ତୁମ୍ଭକୁ କ୍ଲେଶ ଦେଲେ, ସେମାନଙ୍କର ସନ୍ତାନଗଣ ନତ ହୋଇ ତୁମ୍ଭ ନିକଟକୁ ଆସିବେ ଓ ଯେଉଁମାନେ ତୁମ୍ଭକୁ ତୁଚ୍ଛ କଲେ, ସେସମସ୍ତେ ତୁମ୍ଭ ପଦ ତଳେ ପ୍ରଣାମ କରିବେ; ଆଉ, ସେମାନେ ତୁମ୍ଭକୁ ସଦାପ୍ରଭୁଙ୍କର ନଗରୀ, ଇସ୍ରାଏଲର ଧର୍ମସ୍ୱରୂପଙ୍କର ସିୟୋନ ବୋଲି ସମ୍ବୋଧନ କରିବେ ।
\s5
\v 15 ତୁମ୍ଭେ ପରିତ୍ୟକ୍ତା ଓ ଘୃଣିତା ହେବାରୁ କେହି ତୁମ୍ଭର ମଧ୍ୟ ଦେଇ ଯାତାୟାତ କଲା ନାହିଁ, ତହିଁର ପରିବର୍ତ୍ତେ ଆମ୍ଭେ ତୁମ୍ଭକୁ ଅନନ୍ତ କାଳସ୍ଥାୟୀ ଗୌରବ ଓ ଅନେକ ପୁରୁଷ ପରମ୍ପରାର ଆନନ୍ଦ ସ୍ୱରୂପ କରିବା ।
\v 16 ତୁମ୍ଭେ ଅନ୍ୟ ଦେଶୀୟମାନଙ୍କର ଦୁଗ୍ଧ ପାନ କରିବ ଓ ରାଜାଗଣର ସ୍ତନ ଚୁଷିବ; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ତୁମ୍ଭର ତ୍ରାଣକର୍ତ୍ତା ଓ ତୁମ୍ଭର ମୁକ୍ତିଦାତା, ଯାକୁବର ବଳଦାତା ଅଟୁ, ଏହା ତୁମ୍ଭେ ଜାଣିବ ।
\s5
\v 17 ଆମ୍ଭେ ପିତ୍ତଳର ପାଲଟେ ସୁବର୍ଣ୍ଣ ଆଣିବା ଓ ଲୁହାର ପାଲଟେ ରୂପା, କାଷ୍ଠର ପାଲଟେ ପିତ୍ତଳ ଓ ପ୍ରସ୍ତର ପାଲଟେ ଲୁହା ଆଣିବା; ଆହୁରି, ଆମ୍ଭେ ତୁମ୍ଭର ଅଧ୍ୟକ୍ଷ ପଦରେ ଶାନ୍ତିକୁ ଓ ତୁମ୍ଭର ଅଧିକାରୀ ପଦରେ ଧାର୍ମିକତାକୁ ନିଯୁକ୍ତ କରିବା ।
\v 18 ତୁମ୍ଭ ଦେଶରେ ଦୌରାତ୍ମ୍ୟର କଥା ଓ ତୁମ୍ଭର ସୀମା ମଧ୍ୟରେ ଉଚ୍ଛିନ୍ନତା ଓ ବିନାଶର କଥା ଆଉ ଶୁଣାଯିବ ନାହିଁ; ମାତ୍ର ତୁମ୍ଭେ ଆପଣା ପ୍ରାଚୀରସମୂହର ନାମ ପରିତ୍ରାଣ ଓ ଆପଣା ନଗରଦ୍ୱାରସକଳର ନାମ ପ୍ରଶଂସା ରଖିବ ।
\s5
\v 19 ଦିବସରେ ସୂର୍ଯ୍ୟ ତୁମ୍ଭର ଜ୍ୟୋତିଃ ଆଉ ହେବ ନାହିଁ, କିଅବା ଆଲୁଅ ନିମନ୍ତେ ଚନ୍ଦ୍ର ତୁମ୍ଭକୁ ଜ୍ୟୋତ୍ସ୍ନା ଦେବ ନାହିଁ; ମାତ୍ର ସଦାପ୍ରଭୁ ତୁମ୍ଭ ପ୍ରତି ଅନନ୍ତ କାଳସ୍ଥାୟୀ ଜ୍ୟୋତିଃ ଓ ତୁମ୍ଭର ପରମେଶ୍ୱର ତୁମ୍ଭର ଗୌରବସ୍ୱରୂପ ହେବେ ।
\v 20 ତୁମ୍ଭର ସୂର୍ଯ୍ୟ ଆଉ ଅସ୍ତଗତ ହେବ ନାହିଁ, କିଅବା ତୁମ୍ଭର ଚନ୍ଦ୍ର ଆପଣାକୁ ରହିତ କରିବ ନାହିଁ; କାରଣ ସଦାପ୍ରଭୁ ତୁମ୍ଭର ଅନନ୍ତକାଳସ୍ଥାୟୀ ଜ୍ୟୋତିଃସ୍ୱରୂପ ହେବେ ଓ ତୁମ୍ଭର ଶୋକର ଦିନ ଶେଷ ହେବ ।
\s5
\v 21 ମଧ୍ୟ ତୁମ୍ଭର ଲୋକ ସମସ୍ତେ ଧାର୍ମିକ ହେବେ, ସେମାନେ ଅନନ୍ତକାଳଯାଏ ଦେଶ ଅଧିକାର କରିବେ, ସେମାନେ ଆମ୍ଭର ଗୌରବାର୍ଥେ ଆମ୍ଭର ରୋପିତ ଶାଖା ଓ ଆମ୍ଭର ହସ୍ତକୃତ କର୍ମ ଅଟନ୍ତି ।
\v 22 କ୍ଷୁଦ୍ର ଜଣକ ସହସ୍ର ହେବ ଓ ସାନ ଜଣକ ବଳବାନ ଗୋଷ୍ଠୀ ହେବ; ଆମ୍ଭେ ସଦାପ୍ରଭୁ ଯଥାକାଳରେ ଏହା ଶୀଘ୍ର ଘଟାଇବା ।
\s5
\c 61
\s ମୁକ୍ତିର ଶୁଭ ସମ୍ବାଦ
\p
\v 1 ପ୍ରଭୁ ସଦାପ୍ରଭୁଙ୍କର ଆତ୍ମା ମୋ'ଠାରେ ଅଧିଷ୍ଠାନ କରନ୍ତି; କାରଣ ନମ୍ର ଲୋକମାନଙ୍କ ନିକଟରେ ସୁସମାଚାର ପ୍ରଚାର କରିବା ପାଇଁ ସଦାପ୍ରଭୁ ମୋତେ ଅଭିଷିକ୍ତ କରିଅଛନ୍ତି; ସେ ଭଗ୍ନାନ୍ତଃକରଣ ଲୋକମାନଙ୍କର କ୍ଷତ ବାନ୍ଧିବାକୁ, ବନ୍ଦୀ ଲୋକମାନଙ୍କ ପ୍ରତି ମୁକ୍ତି ଓ କାରାବଦ୍ଧ ଲୋକମାନଙ୍କ ପ୍ରତି କାରାଗାର ମୁକ୍ତ ହେବାର କଥା ପ୍ରଚାର କରିବାକୁ;
\s5
\v 2 ସଦାପ୍ରଭୁଙ୍କର ଗ୍ରାହ୍ୟ ବର୍ଷ ଓ ଆମ୍ଭମାନଙ୍କ ପରମେଶ୍ୱରଙ୍କର ପ୍ରତିଶୋଧର ଦିନ ଘୋଷଣା କରିବାକୁ; ଶୋକାର୍ତ୍ତ ସମସ୍ତଙ୍କୁ ସାନ୍ତ୍ୱନା କରିବାକୁ;
\s5
\v 3 ସିୟୋନର ଶୋକାର୍ତ୍ତ ଲୋକମାନଙ୍କ ପାଇଁ ନିରୂପଣ କରିବାକୁ, ଅର୍ଥାତ୍‍, ଭସ୍ମର ପରିବର୍ତ୍ତେ ଭୂଷଣ, ଦୁଃଖର ପରିବର୍ତ୍ତେ ସୁଖରୂପ ତୈଳ, ଅବସନ୍ନ ଆତ୍ମାର ପରିବର୍ତ୍ତେ ପ୍ରଶଂସାରୂପ ବସ୍ତ୍ର ପ୍ରଦାନ କରିବାକୁ ସେ ମୋତେ ପ୍ରେରଣ କରିଅଛନ୍ତି; ତହିଁରେ ସଦାପ୍ରଭୁ ଯେପରି ଗୌରବାନ୍ୱିତ ହେବେ, ଏଥିପାଇଁ ସେମାନେ ଧର୍ମରୂପ ବୃକ୍ଷ ଓ ତାହାଙ୍କର ଉଦ୍ୟାନ ବୋଲି ବିଖ୍ୟାତ ହେବେ ।
\s5
\v 4 ପୁଣି, ସେମାନେ ପୁରାତନ ଧ୍ୱଂସିତ ସ୍ଥାନ ସବୁ ନିର୍ମାଣ କରିବେ, ପୂର୍ବ କାଳର ନଷ୍ଟ ସ୍ଥାନ ସବୁ ଉଠାଇବେ, ଆଉ ସେମାନେ ଧ୍ୱଂସିତ ଓ ଅନେକ ପୁରୁଷ ପରମ୍ପରାର ନଷ୍ଟ ନଗରସକଳ ନୂତନ କରିବେ ।
\v 5 ପୁଣି, ଅପରିଚିତ ଲୋକମାନେ ତୁମ୍ଭମାନଙ୍କର ପଲ ଚରାଇବା ପାଇଁ ଠିଆ ହେବେ ଓ ବିଦେଶୀୟମାନେ ତୁମ୍ଭମାନଙ୍କର ଶସ୍ୟକ୍ଷେତ୍ରର ଓ ଦ୍ରାକ୍ଷାକ୍ଷେତ୍ରର କୃଷକ ହେବେ ।
\s5
\v 6 ମାତ୍ର ତୁମ୍ଭେମାନେ ସଦାପ୍ରଭୁଙ୍କର ଯାଜକ ବୋଲି ବିଖ୍ୟାତ ହେବ; ଲୋକମାନେ ତୁମ୍ଭମାନଙ୍କୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ପରିଚାରକ ବୋଲି ଡାକିବେ; ତୁମ୍ଭେମାନେ ଅନ୍ୟ ଦେଶୀୟମାନଙ୍କ ସମ୍ପତ୍ତି ଭୋଗ କରିବ ଓ ସେମାନଙ୍କ ଐଶ୍ୱର୍ଯ୍ୟରେ ତୁମ୍ଭେମାନେ ଦର୍ପ କରିବ ।
\v 7 ତୁମ୍ଭେମାନେ ଲଜ୍ଜାର ପରିବର୍ତ୍ତେ ଦୁଇ ଗୁଣ ସମ୍ମାନ ପାଇବ; ପୁଣି, ଅପମାନର ପରିବର୍ତ୍ତେ ସେମାନେ ଆପଣା ଆପଣା ଅଧିକାରରେ ଆନନ୍ଦ କରିବେ; ଏନିମନ୍ତେ ସେମାନେ ଆପଣାମାନଙ୍କ ଦେଶରେ ଦୁଇ ଗୁଣ ଅଂଶ ପାଇବେ; ସେମାନଙ୍କର ଅନନ୍ତକାଳସ୍ଥାୟୀ ଆହ୍ଲାଦ ହେବ ।
\s5
\v 8 କାରଣ ଆମ୍ଭେ ସଦାପ୍ରଭୁ ନ୍ୟାୟବିଚାର ଭଲ ପାଉ, ଆମ୍ଭେ ଅଧର୍ମଯୁକ୍ତ ଅପହରଣ ଘୃଣା କରୁ; ଆଉ, ଆମ୍ଭେ ସତ୍ୟରେ ସେମାନଙ୍କୁ ପ୍ରତିଫଳ ଦେବା ଓ ସେମାନଙ୍କ ସହିତ ଅନନ୍ତକାଳସ୍ଥାୟୀ ଏକ ନିୟମ କରିବା ।
\v 9 ପୁଣି, ସେମାନଙ୍କ ବଂଶ ଅନ୍ୟ ଦେଶୀୟମାନଙ୍କ ମଧ୍ୟରେ ଓ ସେମାନଙ୍କ ସନ୍ତାନଗଣ ଗୋଷ୍ଠୀସମୂହର ମଧ୍ୟରେ ବିଖ୍ୟାତ ହେବେ; ସେମାନେ ସଦାପ୍ରଭୁଙ୍କର ଆଶୀର୍ବାଦପ୍ରାପ୍ତ ବଂଶ ବୋଲି ସେମାନଙ୍କୁ ଦେଖିବା ଲୋକ ସମସ୍ତେ ସ୍ୱୀକାର କରିବେ ।
\s5
\v 10 ମୁଁ ସଦାପ୍ରଭୁଙ୍କଠାରେ ଅତିଶୟ ଆନନ୍ଦ କରିବି; ମୋର ପ୍ରାଣ ମୋ' ପରମେଶ୍ୱରଙ୍କଠାରେ ଉଲ୍ଲସିତ ହେବ; କାରଣ ବର ଯେପରି ଭୂଷଣରେ ଆପଣାକୁ ଭୂଷିତ କରେ ଓ କନ୍ୟା ଯେପରି ଆପଣା ରତ୍ନରେ ଆପଣାକୁ ଭୂଷିତା କରେ, ସେପରି ସେ ପରିତ୍ରାଣରୂପ ବସ୍ତ୍ରରେ ମୋତେ ବସ୍ତ୍ରାନ୍ୱିତ କରିଅଛନ୍ତି ଓ ଧର୍ମରୂପ ରାଜବସ୍ତ୍ରରେ ମୋତେ ଆଚ୍ଛାଦିତ କରିଅଛନ୍ତି ।
\v 11 କାରଣ ଭୂମି ଯେପରି ଆପଣା ଅଙ୍କୁର ବାହାର କରେ ଓ ଉଦ୍ୟାନ ଯେପରି ଆପଣା ମଧ୍ୟରେ ବୁଣାଯିବା ପଦାର୍ଥସବୁ ଅଙ୍କୁରିତ କରେ, ସେପରି ପ୍ରଭୁ ସଦାପ୍ରଭୁ ସମଗ୍ର ଦେଶୀୟମାନଙ୍କ ସାକ୍ଷାତରେ ଧର୍ମ ଓ ପ୍ରଶଂସା ଅଙ୍କୁରିତ କରିବେ ।
\s5
\c 62
\s ସିୟୋନର ଭବିଷ୍ୟତ ପରିତ୍ରାଣ
\p
\v 1 ଯେପର୍ଯ୍ୟନ୍ତ ସିୟୋନର ଧର୍ମ ଦୀପ୍ତିର ନ୍ୟାୟ ଓ ତାହାର ପରିତ୍ରାଣ ଜ୍ୱଳନ୍ତ ପ୍ରଦୀପର ନ୍ୟାୟ ପ୍ରକଟ ନ ହୁଏ, ସେପର୍ଯ୍ୟନ୍ତ ଆମ୍ଭେ ତାହା ନିମନ୍ତେ ନୀରବ ହେବା ନାହିଁ ଓ ଯିରୂଶାଲମ ନିମନ୍ତେ ବିଶ୍ରାମ କରିବା ନାହିଁ ।
\v 2 ପୁଣି, ଅନ୍ୟ ଦେଶୀୟମାନେ ତୁମ୍ଭର ଧର୍ମ ଓ ସକଳ ରାଜା ତୁମ୍ଭର ପ୍ରତାପ ଦେଖିବେ; ଆଉ, ତୁମ୍ଭେ ସଦାପ୍ରଭୁଙ୍କ ମୁଖ ଦ୍ୱାରା ଏକ ନୂତନ ନାମରେ ଖ୍ୟାତ ହେବ ।
\s5
\v 3 ଆହୁରି, ତୁମ୍ଭେ ସଦାପ୍ରଭୁଙ୍କ ହସ୍ତରେ ଗୋଟିଏ ସୁନ୍ଦର ମୁକୁଟ ସ୍ୱରୂପ ଓ ତୁମ୍ଭ ପରମେଶ୍ୱରଙ୍କ ହସ୍ତରେ ଗୋଟିଏ ରାଜକିରୀଟ ସ୍ୱରୂପ ହେବ ।
\v 4 ତୁମ୍ଭେ "ପରିତ୍ୟକ୍ତା" ବୋଲି ଆଉ ନାମ ପାଇବ ନାହିଁ, କିଅବା ତୁମ୍ଭର ଦେଶ "ଅନାଥା" ବୋଲି ଆଉ ଡକାଯିବ ନାହିଁ; ମାତ୍ର "ତୁମ୍ଭେ ହିପ୍‍ସୀବା (ସନ୍ତୋଷଜନିକା) ଓ ତୁମ୍ଭର ଦେଶ ବୀୟଲା (ବିବାହିତା)" ନାମରେ ଖ୍ୟାତ ହେବ; କାରଣ ସଦାପ୍ରଭୁ ତୁମ୍ଭଠାରେ ସନ୍ତୋଷ ପାଆନ୍ତି ଓ ତୁମ୍ଭ ଦେଶ ବିବାହିତା ହେବ ।
\s5
\v 5 ଯୁବାଲୋକ ଯେପରି କୁମାରୀକୁ ବିବାହ କରେ, ସେପରି ତୁମ୍ଭର ପୁତ୍ରଗଣ ତୁମ୍ଭକୁ ବିବାହ କରିବେ; ପୁଣି ବର ଯେପରି କନ୍ୟାରେ ଆନନ୍ଦ କରେ, ସେପରି ତୁମ୍ଭର ପରମେଶ୍ୱର ତୁମ୍ଭଠାରେ ଆନନ୍ଦ କରିବେ ।
\s5
\v 6 ହେ ଯିରୂଶାଲମ, ଆମ୍ଭେ ତୁମ୍ଭ ପ୍ରାଚୀର ଉପରେ ପ୍ରହରୀଗଣ ନିଯୁକ୍ତ କରିଅଛୁ; ସେମାନେ ଦିନ କି ରାତି କଦାପି ନୀରବ ହେବେ ନାହିଁ ।
\v 7 ହେ ସଦାପ୍ରଭୁଙ୍କୁ ସ୍ମରଣ କରାଇବା ଲୋକମାନେ, ସେ ଯେପର୍ଯ୍ୟନ୍ତ ଯିରୂଶାଲମକୁ ସ୍ଥାପନ ନ କରନ୍ତି ଓ ପୃଥିବୀ ମଧ୍ୟରେ ତାହାକୁ ପ୍ରଶଂସାର ପାତ୍ର ନ କରନ୍ତି, ସେପର୍ଯ୍ୟନ୍ତ ତୁମ୍ଭେମାନେ ବିଶ୍ରାମ କର ନାହିଁ, କି ତାହାଙ୍କୁ ବିଶ୍ରାମ କରିବାକୁ ଦିଅ ନାହିଁ ।
\s5
\v 8 ସଦାପ୍ରଭୁ ଆପଣାର ଡାହାଣ ହସ୍ତ ଓ ବଳବାନ ବାହୁ ଦ୍ୱାରା ଶପଥ କରିଅଛନ୍ତି, "ନିଶ୍ଚୟ ଆମ୍ଭେ ତୁମ୍ଭର ଶସ୍ୟ ତୁମ୍ଭ ଶତ୍ରୁଗଣର ଖାଦ୍ୟ ନିମନ୍ତେ ଆଉ ଦେବା ନାହିଁ ଓ ଯହିଁ ନିମନ୍ତେ ତୁମ୍ଭେ ପରିଶ୍ରମ କରିଅଛ, ତୁମ୍ଭର ସେହି ଦ୍ରାକ୍ଷାରସ ବିଦେଶୀମାନେ ଆଉ ପାନ କରିବେ ନାହିଁ ।
\v 9 ମାତ୍ର ଯେଉଁମାନେ ତାହା ସଞ୍ଚୟ କରିଅଛନ୍ତି, ସେମାନେ ତାହା ଭୋଜନ କରି ସଦାପ୍ରଭୁଙ୍କର ପ୍ରଶଂସା କରିବେ ଓ ଯେଉଁମାନେ ତାହା ସଂଗ୍ରହ କରିଅଛନ୍ତି, ସେମାନେ ଆମ୍ଭ ପବିତ୍ର ସ୍ଥାନର ପ୍ରାଙ୍ଗଣ ମଧ୍ୟରେ ତାହା ପାନ କରିବେ ।"
\s5
\v 10 ତୁମ୍ଭେମାନେ ଅଗ୍ରସର ହୁଅ, ନଗର ଦ୍ୱାର ମଧ୍ୟ ଦେଇ ଅଗ୍ରସର ହୁଅ; ଲୋକମାନଙ୍କର ପଥ ପ୍ରସ୍ତୁତ କର; ଉଚ୍ଚ କର, ରାଜପଥ ଉଚ୍ଚ କର; ପ୍ରସ୍ତରସବୁ ବାହାର କରି ସଂଗ୍ରହ କର; ଗୋଷ୍ଠୀସମୂହ ନିମନ୍ତେ ଏକ ଧ୍ୱଜା ଉଠାଅ ।
\s5
\v 11 ଦେଖ, ସଦାପ୍ରଭୁ ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ ଏହା ଘୋଷଣା କରିଅଛନ୍ତି, "ତୁମ୍ଭେମାନେ ସିୟୋନର କନ୍ୟାକୁ କୁହ, ଦେଖ, ତୁମ୍ଭର ପରିତ୍ରାଣ ଆସୁଅଛି, ଦେଖ, ତାହାଙ୍କ ପୁରସ୍କାର ତାହାଙ୍କ ସଙ୍ଗରେ ଅଛି ଓ ତାହାଙ୍କ ପ୍ରତିଦାନ ତାହାଙ୍କ ସମ୍ମୁଖରେ ଅଛି ।"
\v 12 ପୁଣି, ଲୋକମାନେ ସେମାନଙ୍କୁ "ପବିତ୍ର ଲୋକ," "ସଦାପ୍ରଭୁଙ୍କର ମୁକ୍ତ ବୋଲି ଡାକିବେ," ଆଉ, ତୁମ୍ଭେ "ଅନ୍ୱେଷିତା," "ଅପରିତ୍ୟକ୍ତା ନଗରୀ" ବୋଲି ଖ୍ୟାତ ହେବ ।
\s5
\c 63
\s ସଦାପ୍ରଭୁଙ୍କ ପ୍ରତିଶୋଧର ଦିନ
\p
\v 1 ଇଦୋମରୁ ରଙ୍ଗୀକୃତ ବସ୍ତ୍ର ପିନ୍ଧି ବସୋରାରୁ ଏ ଯେ ଆସୁଅଛନ୍ତି, ସେ କିଏ ? ଆପଣା ପରିଧେୟ ବସ୍ତ୍ରରେ ଗୌରବାନ୍ୱିତ ଓ ଆପଣା ମହାଶକ୍ତିରେ ବିଜେ କରୁଅଛନ୍ତି ଯେ ଏ, ସେ କିଏ ? ଆମ୍ଭେ ଯେ ଧର୍ମବାଦୀ ଓ ପରିତ୍ରାଣ କରିବାକୁ ସମର୍ଥ ଅଟୁ ।
\v 2 ଆପଣଙ୍କର ପରିଧେୟ ବସ୍ତ୍ର ରକ୍ତବର୍ଣ୍ଣ ଓ କୁଣ୍ଡରେ ଦ୍ରାକ୍ଷାମର୍ଦ୍ଦନକାରୀର ବସ୍ତ୍ର ପରି କାହିଁକି ?
\s5
\v 3 ଆମ୍ଭେ ଏକାକୀ ଦ୍ରାକ୍ଷାମର୍ଦ୍ଦନ କରିଅଛୁ ଓ ଲୋକମାନଙ୍କ ମଧ୍ୟରୁ ଆମ୍ଭ ସଙ୍ଗେ କେହି ନ ଥିଲା; ଆମ୍ଭେ ଆପଣା କ୍ରୋଧରେ ସେମାନଙ୍କୁ ଦଳନ କଲୁ ଓ ଆପଣା କୋପରେ ସେମାନଙ୍କୁ ମର୍ଦ୍ଦନ କଲୁ; ଏଣୁ ସେମାନଙ୍କ ପ୍ରାଣରକ୍ତର ଛିଟା ଆମ୍ଭ ବସ୍ତ୍ରରେ ପଡ଼ିଲା ଓ ଆମ୍ଭେ ଆପଣାର ପରିହିତ ବସ୍ତ୍ରସବୁ ଦାଗଯୁକ୍ତ କରିଅଛୁ ।
\v 4 କାରଣ ପ୍ରତିଶୋଧର ଦିନ ଆମ୍ଭ ଚିତ୍ତରେ ଥିଲା ଓ ଆମ୍ଭ ମୁକ୍ତ ଲୋକମାନଙ୍କର ବର୍ଷ ଉପସ୍ଥିତ ହୋଇଅଛି ।
\s5
\v 5 ପୁଣି, ଆମ୍ଭେ ଅନାଇଲୁ, ଆଉ ସାହାଯ୍ୟ କରିବାକୁ କେହି ନ ଥିଲା ଓ ସହାୟ ହେବାକୁ କେହି ନ ଥିବାରୁ ଆମ୍ଭେ ଚମତ୍କୃତ ହେଲୁ; ଏନିମନ୍ତେ ଆମ୍ଭ ନିଜ ବାହୁ ଆମ୍ଭ ନିକଟକୁ ପରିତ୍ରାଣ ଆଣିଲା ଓ ଆମ୍ଭର କୋପ ଆମ୍ଭର ସହାୟତା କଲା ।
\v 6 ପୁଣି, ଆମ୍ଭେ ଆପଣା କ୍ରୋଧରେ ଲୋକମାନଙ୍କୁ ଦଳି ପକାଇଲୁ ଓ ଆମ୍ଭ କୋପରେ ସେମାନଙ୍କୁ ମତ୍ତ କରାଇଲୁ, ପୁଣି ଭୂମିରେ ସେମାନଙ୍କ ପ୍ରାଣରକ୍ତ ଢାଳି ପକାଇଲୁ ।
\s ଇସ୍ରାଏଲ ପ୍ରତି ସଦାପ୍ରଭୁଙ୍କ ଅନୁଗ୍ରହ
\p
\s5
\v 7 ଆମ୍ଭେ ସଦାପ୍ରଭୁଙ୍କର ସ୍ନେହପୂର୍ଣ୍ଣ କରୁଣାସବୁ କୀର୍ତ୍ତନ କରିବା ଓ ସଦାପ୍ରଭୁ ଆମ୍ଭମାନଙ୍କର ଯେସବୁ ଉପକାର କରିଅଛନ୍ତି, ପୁଣି ଆପଣାର ନାନାବିଧ ଦୟା ଓ ପ୍ରଚୁର ସ୍ନେହପୂର୍ଣ୍ଣ କରୁଣା ଅନୁସାରେ ଇସ୍ରାଏଲ-ବଂଶର ଯେଉଁ ପ୍ରଚୁର ମଙ୍ଗଳ କରିଅଛନ୍ତି, ତଦନୁସାରେ ଆମ୍ଭେ ସଦାପ୍ରଭୁଙ୍କର ପ୍ରଶଂସା କୀର୍ତ୍ତନ କରିବା ।
\v 8 କାରଣ ସେ କହିଲେ, ନିଶ୍ଚୟ ସେମାନେ ଆମ୍ଭର ଲୋକ, ଯେଉଁମାନେ ଅସତ୍ୟ ବ୍ୟବହାର ନ କରିବେ, ଏପରି ସନ୍ତାନ ଅଟନ୍ତି; ଏଣୁ ସେ ସେମାନଙ୍କର ତ୍ରାଣକର୍ତ୍ତା ହେଲେ ।
\s5
\v 9 ସେମାନଙ୍କର ସବୁ ଦୁଃଖରେ ସେ ଦୁଃଖିତ ହେଲେ ଓ ତାହାଙ୍କର ଶ୍ରୀମୁଖ ସ୍ୱରୂପ ଦୂତ ସେମାନଙ୍କୁ ପରିତ୍ରାଣ କଲେ; ସେ ଆପଣା ପ୍ରେମ ଓ ଆପଣା ଦୟାରେ ସେମାନଙ୍କୁ ମୁକ୍ତ କଲେ ଓ ପୁରାତନ କାଳର ସମସ୍ତ ଦିନ ସେମାନଙ୍କୁ ବହି କରି ନେଲେ ।
\s5
\v 10 ମାତ୍ର ସେମାନେ ବିଦ୍ରୋହୀ ହେଲେ ଓ ତାହାଙ୍କର ପବିତ୍ର ଆତ୍ମାଙ୍କୁ ଶୋକାକୁଳ କଲେ; ଏନିମନ୍ତେ ସେ ଫେରି ସେମାନଙ୍କର ଶତ୍ରୁ ହେଲେ ଓ ଆପେ ସେମାନଙ୍କର ବିପକ୍ଷରେ ଯୁଦ୍ଧ କଲେ ।
\s5
\v 11 ସେତେବେଳେ ସେ ପୁରାତନ କାଳ, ମୋଶା ଓ ଆପଣା ଲୋକମାନଙ୍କୁ ସ୍ମରଣ କରି କହିଲେ, "ଯେ ଆପଣା ପଲର ରକ୍ଷକମାନଙ୍କ ସହିତ ସେମାନଙ୍କୁ ସମୁଦ୍ର ପାର କରାଇ ଆଣିଲେ, ସେ କାହାନ୍ତି ? ଯେ ସେମାନଙ୍କ ଅନ୍ତରରେ ଆପଣା ପବିତ୍ର ଆତ୍ମା ରଖିଲେ,
\s5
\v 12 ଯେ ମୋଶାଙ୍କ ଡାହାଣରେ ଆପଣାର ପ୍ରତାପାନ୍ୱିତ ବାହୁ ଗମନ କରାଇଲେ, ଯେ ଆପଣା ନିମନ୍ତେ ଅନନ୍ତ କାଳସ୍ଥାୟୀ ନାମ ସ୍ଥାପନାର୍ଥେ, ସେମାନଙ୍କ ସମ୍ମୁଖରେ ଜଳକୁ ବିଭକ୍ତ କଲେ,
\v 13 ଯେ ପ୍ରାନ୍ତରରେ ଗମନ କରିବା ଅଶ୍ୱ ତୁଲ୍ୟ ଗଭୀର ସାଗର ମଧ୍ୟରେ ସେମାନଙ୍କୁ ଗମନ କରାଇଲେ ଓ ସେମାନେ ଝୁଣ୍ଟିଲେ ନାହିଁ, ସେ କାହାନ୍ତି ?
\s5
\v 14 ଉପତ୍ୟକାକୁ ଓହ୍ଲାଇ ଯିବା ପଶୁପଲ ତୁଲ୍ୟ ସଦାପ୍ରଭୁଙ୍କ ଆତ୍ମା ସେମାନଙ୍କୁ ବିଶ୍ରାମ କରାଇଲେ; ଏହି ପ୍ରକାରେ ତୁମ୍ଭେ ଆପଣା ନିମନ୍ତେ ଏକ ଗୌରବାନ୍ୱିତ ନାମ ସ୍ଥାପନାର୍ଥେ ଆପଣା ଲୋକମାନଙ୍କୁ ଗମନ କରାଇଲ ।"
\s ଦୟା ଓ ସାହାଯ୍ୟ ପାଇଁ ପ୍ରାର୍ଥନା
\p
\s5
\v 15 ଏବେ ସ୍ୱର୍ଗରୁ ଅବଲୋକନ କର, ତୁମ୍ଭ ପବିତ୍ରତାର ଓ ତୁମ୍ଭ ପ୍ରତାପର ବସତିସ୍ଥାନରୁ ଦୃଷ୍ଟିପାତ କର; ତୁମ୍ଭର ଉଦ୍‍ଯୋଗ ଓ ତୁମ୍ଭର ବିକ୍ରମକାର୍ଯ୍ୟସବୁ କାହିଁ ? ତୁମ୍ଭ ଅନ୍ତଃକରଣର ବ୍ୟଥା ଓ ତୁମ୍ଭର ସ୍ନେହସବୁ ମୋ' ପ୍ରତି ନିବୃତ୍ତ ହୋଇଅଛି ।
\v 16 ଯଦ୍ୟପି ଅବ୍ରହାମ ଆମ୍ଭମାନଙ୍କୁ ଜାଣନ୍ତି ନାହିଁ ଓ ଇସ୍ରାଏଲ ଆମ୍ଭମାନଙ୍କୁ ସ୍ୱୀକାର କରନ୍ତି ନାହିଁ, ତଥାପି ତୁମ୍ଭେ ତ ଆମ୍ଭମାନଙ୍କର ପିତା; ହେ ସଦାପ୍ରଭୁ, ତୁମ୍ଭେ ଆମ୍ଭମାନଙ୍କର ପିତା ଅଟ; ଅନନ୍ତ କାଳରୁ ଆମ୍ଭମାନଙ୍କର "ମୁକ୍ତିଦାତା" ବୋଲି ତୁମ୍ଭର ନାମ ଅଛି ।
\s5
\v 17 ହେ ସଦାପ୍ରଭୁ, ଆମ୍ଭମାନଙ୍କୁ ତୁମ୍ଭ ପଥରୁ କାହିଁକି ଭ୍ରାନ୍ତ କରାଉଅଛ ଓ ତୁମ୍ଭକୁ ଭୟ କରିବା ପ୍ରତି ଆମ୍ଭମାନଙ୍କ ଅନ୍ତଃକରଣକୁ କଠିନ କରାଉଅଛ ? ଆପଣା ଦାସମାନଙ୍କର, ଆପଣା ଅଧିକାର ସ୍ୱରୂପ ଗୋଷ୍ଠୀଗଣର ସକାଶୁ ଫେର ।
\s5
\v 18 ତୁମ୍ଭର ପବିତ୍ର ଲୋକମାନେ କେବଳ ଅଳ୍ପ କାଳ ତାହା ଅଧିକାର କଲେ; ଆମ୍ଭମାନଙ୍କର ବିପକ୍ଷମାନେ ତୁମ୍ଭର ପବିତ୍ର ଧାମ ପଦ ତଳେ ଦଳି ପକାଇଅଛନ୍ତି ।
\v 19 ଯେଉଁମାନଙ୍କ ଉପରେ ତୁମ୍ଭେ କେବେ କର୍ତ୍ତୃତ୍ୱ କରି ନାହଁ, ଯେଉଁମାନେ ତୁମ୍ଭ ନାମରେ କେବେ ଖ୍ୟାତ ହୋଇ ନ ଥିଲେ, ଏପରି ଲୋକମାନଙ୍କ ତୁଲ୍ୟ ଆମ୍ଭେମାନେ ହୋଇଅଛୁ ।
\s5
\c 64
\p
\v 1 ଆହା, ଅନ୍ୟ ଦେଶୀୟମାନେ ଯେପରି ତୁମ୍ଭ ସାକ୍ଷାତରେ କମ୍ପମାନ ହେବେ, ଏଥିପାଇଁ ତୁମ୍ଭ ବିପକ୍ଷଗଣକୁ ତୁମ୍ଭ ନାମ ଜ୍ଞାତ କରାଇବା ନିମନ୍ତେ,
\v 2 ଅଗ୍ନି ଝାଟି ଜ୍ୱଳାଇବା ପରି, ଅଗ୍ନି ଜଳ ଫୁଟାଇବା ପରି ଯଦି ତୁମ୍ଭେ ଆକାଶମଣ୍ଡଳ ବିଦୀର୍ଣ୍ଣ କରି ଓହ୍ଲାଇ ଆସନ୍ତ ଓ ପର୍ବତଗଣ ତୁମ୍ଭ ସାକ୍ଷାତରେ ପ୍ରବାହିତ ହୁଅନ୍ତେ !
\s5
\v 3 ଯେତେବେଳେ ତୁମ୍ଭେ ଆମ୍ଭମାନଙ୍କର ଅନପେକ୍ଷିତ ଭୟାନକ କ୍ରିୟା କଲ, ସେତେବେଳେ ତୁମ୍ଭେ ଓହ୍ଲାଇ ଆସିଲ, ପର୍ବତଗଣ ତୁମ୍ଭ ସାକ୍ଷାତରେ ପ୍ରବାହିତ ହେଲେ ।
\v 4 କାରଣ ଯେ ଆପଣା ଅପେକ୍ଷାକାରୀ ପକ୍ଷରେ କାର୍ଯ୍ୟ ସାଧନ କରନ୍ତି, ଲୋକେ ପ୍ରାଚୀନ କାଳରୁ ତୁମ୍ଭ ଛଡ଼ା ଅନ୍ୟ ପରମେଶ୍ୱର ବିଷୟ ଶୁଣି ନାହାନ୍ତି, ଅଥବା କର୍ଣ୍ଣ ଜ୍ଞାତ ହୋଇ ନାହିଁ, କିଅବା ଚକ୍ଷୁ ଦେଖି ନାହିଁ ।
\s5
\v 5 ଯେଉଁ ଲୋକ ଆନନ୍ଦରେ ଧର୍ମାଚରଣ କରେ, ଯେଉଁମାନେ ତୁମ୍ଭ ପଥରେ ତୁମ୍ଭକୁ ସ୍ମରଣ କରନ୍ତି, ତୁମ୍ଭେ ସେମାନଙ୍କ ସହିତ ସାକ୍ଷାତ କରିଥାଅ; ଦେଖ, ତୁମ୍ଭେ କ୍ରୁଦ୍ଧ ଥିଲ ଓ ଆମ୍ଭେମାନେ ପାପ କଲୁ; ଆମ୍ଭେମାନେ ଦୀର୍ଘ କାଳ ତହିଁରେ ରହିଅଛୁ, ଆମ୍ଭେମାନେ କି ପରିତ୍ରାଣ ପାଇବା ?
\s5
\v 6 କାରଣ ଆମ୍ଭେ ସମସ୍ତେ ଅଶୁଚି ଲୋକ ତୁଲ୍ୟ ହୋଇଅଛୁ ଓ ଆମ୍ଭମାନଙ୍କର ଧର୍ମକର୍ମସବୁ ଅଶୁଚି ବସ୍ତ୍ର ତୁଲ୍ୟ ଅଟେ ଓ ଆମ୍ଭେ ସମସ୍ତେ ପତ୍ର ତୁଲ୍ୟ ଜୀର୍ଣ୍ଣ ହେଉଅଛୁ; ଆଉ, ଆମ୍ଭମାନଙ୍କର ଅପରାଧସବୁ ବାୟୁ ପରି ଆମ୍ଭମାନଙ୍କୁ ଉଡ଼ାଇ ନିଏ ।
\v 7 ପୁଣି, ଯେ ତୁମ୍ଭ ନାମରେ ପ୍ରାର୍ଥନା କରେ, ଯେ ତୁମ୍ଭକୁ ଧରିବା ପାଇଁ ଆପଣାକୁ ଉତ୍ତେଜିତ କରେ, ଏପରି କେହି ନାହିଁ; କାରଣ ତୁମ୍ଭେ ଆମ୍ଭମାନଙ୍କଠାରୁ ଆପଣା ମୁଖ ଲୁଚାଇଅଛ ଓ ଆମ୍ଭମାନଙ୍କର ଅପରାଧ ଦ୍ୱାରା ଆମ୍ଭମାନଙ୍କୁ କ୍ଷୟ କରିଅଛ ।
\s5
\v 8 ମାତ୍ର ଏବେ ହେ ସଦାପ୍ରଭୁ, ତୁମ୍ଭେ ଆମ୍ଭମାନଙ୍କର ପିତା ଅଟ; ଆମ୍ଭେମାନେ ମୃତ୍ତିକା, ତୁମ୍ଭେ ଆମ୍ଭମାନଙ୍କର କୁମ୍ଭକାର; ପୁଣି, ଆମ୍ଭେ ସମସ୍ତେ ତୁମ୍ଭର ହସ୍ତକୃତ କର୍ମ ।
\v 9 ହେ ସଦାପ୍ରଭୁ, ଅତ୍ୟନ୍ତ କ୍ରୁଦ୍ଧ ହୁଅ ନାହିଁ, କିଅବା ଚିର କାଳ ଅପରାଧ ମନରେ ରଖ ନାହିଁ; ଆମ୍ଭେମାନେ ବିନତି କରୁ, ଦେଖ, ଦୃଷ୍ଟି କର, ଆମ୍ଭେ ସମସ୍ତେ ତୁମ୍ଭର ଲୋକ ।
\s5
\v 10 ତୁମ୍ଭର ପବିତ୍ର ନଗରସବୁ ପ୍ରାନ୍ତର ହୋଇଅଛି, ସିୟୋନ ପ୍ରାନ୍ତର ହୋଇଅଛି, ଯିରୂଶାଲମ ଧ୍ୱଂସସ୍ଥାନ ହୋଇଅଛି ।
\v 11 ଆମ୍ଭମାନଙ୍କର ପିତୃଲୋକମାନେ ଯେଉଁ ସ୍ଥାନରେ ତୁମ୍ଭର ପ୍ରଶଂସା କଲେ, ଆମ୍ଭମାନଙ୍କର ସେହି ପବିତ୍ର ଓ ସୁନ୍ଦର ଗୃହ ଅଗ୍ନିରେ ଦଗ୍ଧ ହୋଇଅଛି ଓ ଆମ୍ଭମାନଙ୍କର ମନୋରମ୍ୟ ବିଷୟସବୁ ଉଚ୍ଛିନ୍ନ ହୋଇଅଛି ।
\v 12 ହେ ସଦାପ୍ରଭୁ, ଏସବୁ ହେଲେ ହେଁ ତୁମ୍ଭେ କି ଆପଣାକୁ କ୍ଷାନ୍ତ କରି ରଖିବ ? ତୁମ୍ଭେ କି ତୁନି ହୋଇ ରହି ଆମ୍ଭମାନଙ୍କୁ ଅତ୍ୟନ୍ତ କ୍ଲେଶ ଦେବ?
\s5
\c 65
\s ବିଚାର ଏବଂ ଉଦ୍ଧାର
\p
\v 1 "ଯେଉଁମାନେ ଆମ୍ଭ ବିଷୟ ପଚାରିଲେ ନାହିଁ, ସେମାନଙ୍କ ଦ୍ୱାରା ଆମ୍ଭେ ଅନ୍ୱେଷିତ ହେଉଅଛୁ; ଯେଉଁମାନେ ଆମ୍ଭର ଅନ୍ୱେଷଣ କଲେ ନାହିଁ, ସେମାନେ ଆମ୍ଭକୁ ପ୍ରାପ୍ତ ହେଉଅଛନ୍ତି; ଯେଉଁ ଦେଶୀୟ ଲୋକେ ଆମ୍ଭ ନାମରେ ଖ୍ୟାତ ହୋଇ ନ ଥିଲେ, ସେମାନଙ୍କୁ, ଆମ୍ଭକୁ ଦେଖ, ଆମ୍ଭକୁ ଦେଖ ବୋଲି ଆମ୍ଭେ କହିଲୁ ।
\v 2 ଯେଉଁମାନେ ଆପଣା ଆପଣା କଳ୍ପନାନୁସାରେ କୁପଥରେ ଗମନ କରନ୍ତି, ଏପରି ବିଦ୍ରୋହାଚାରୀ ଲୋକମାନଙ୍କ ପ୍ରତି ଆମ୍ଭେ ଦିନଯାକ ଆପଣା ହସ୍ତ ବିସ୍ତାର କରିଅଛୁ;
\s5
\v 3 ସେହି ଲୋକମାନେ ଉଦ୍ୟାନରେ ବଳିଦାନ କରି ଓ ଗୁଡ଼ିଏ ଇଟା ଉପରେ ଧୂମ ଜ୍ୱଳାଇ ଆମ୍ଭ ମୁଖ ଆଗରେ ନିତ୍ୟ ନିତ୍ୟ ଆମ୍ଭକୁ ବିରକ୍ତ କରନ୍ତି;
\v 4 ସେମାନେ କବରସ୍ଥାନ ମଧ୍ୟରେ ବସନ୍ତି ଓ ଗୁପ୍ତ ସ୍ଥାନରେ ବସା କରନ୍ତି; ସେମାନେ ଶୂକର ମାଂସ ଭୋଜନ କରନ୍ତି ଓ ସେମାନଙ୍କ ପାତ୍ରରେ ଘୃଣାଯୋଗ୍ୟ ମାଂସର ଝୋଳ ଥାଏ;
\s5
\v 5 ସେମାନେ କହନ୍ତି, ସ୍ୱସ୍ଥାନରେ ଛିଡ଼ା ହୁଅ, ଆମ୍ଭ ନିକଟକୁ ଆସ ନାହିଁ, କାରଣ ଆମ୍ଭେ ତୁମ୍ଭ ଅପେକ୍ଷା ପବିତ୍ର; ଏମାନେ ଆମ୍ଭ ନାସିକାରେ ଧର୍ମ ସ୍ୱରୂପ, ଦିନଯାକ ପ୍ରଜ୍ୱଳିତ ଅଗ୍ନି ସ୍ୱରୂପ ।
\s5
\v 6 ଦେଖ, ଆମ୍ଭ ସମ୍ମୁଖରେ ଏହା ଲିଖିତ ଅଛି; ଆମ୍ଭେ ନୀରବ ହୋଇ ରହିବା ନାହିଁ, ମାତ୍ର ପ୍ରତିଫଳ ଦେବା, ହଁ, ଆମ୍ଭେ ସେମାନଙ୍କ କୋଳରେ ପ୍ରତିଫଳ ଦେବା,"
\v 7 ସଦାପ୍ରଭୁ କହନ୍ତି, "ପର୍ବତଗଣ ଉପରେ ଧୂପ ଜ୍ୱଳାଇ ଅଛ ଓ ଉପପର୍ବତଗଣ ଉପରେ ଆମ୍ଭକୁ ନିନ୍ଦା କରିଅଛ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କ ଅପରାଧ ଓ ତୁମ୍ଭମାନଙ୍କ ପିତୃପୁରୁଷଗଣର ଅପରାଧସକଳର ପ୍ରତିଫଳ ଆମ୍ଭେ ଏକାବେଳେ ଦେବା; ଏନିମନ୍ତେ ଆମ୍ଭେ ପ୍ରଥମେ ସେମାନଙ୍କ କ୍ରିୟାର ପରିମାଣ କରି ସେମାନଙ୍କ କୋଳରେ ଦେବା ।"
\s5
\v 8 ସଦାପ୍ରଭୁ ଏହି କଥା କହନ୍ତି, "ଦ୍ରାକ୍ଷାପେଣ୍ଡାରେ ଯେପରି ନୂତନ ଦ୍ରାକ୍ଷାରସ ମିଳେ ଓ ଲୋକେ କହନ୍ତି, ଏହା ନଷ୍ଟ ନ କର, କାରଣ ଏଥିରେ ଆଶୀର୍ବାଦ ଅଛି; ସେପରି ଆମ୍ଭେ ଆପଣା ଦାସଗଣ ସକାଶେ କରିବା, ଆମ୍ଭେ ସମସ୍ତଙ୍କୁ ବିନାଶ କରିବା ନାହିଁ ।
\s5
\v 9 ପୁଣି, ଆମ୍ଭେ ଯାକୁବଠାରୁ ଏକ ବଂଶ ଓ ଯିହୁଦାଠାରୁ ଆମ୍ଭ ପର୍ବତଗଣର ଏକ ଅଧିକାରୀ ଉତ୍ପନ୍ନ କରିବା ଓ ଆମ୍ଭର ମନୋନୀତ ଲୋକମାନେ ତାହା ଅଧିକାର କରିବେ ଓ ଆମ୍ଭର ଦାସମାନେ ସେଠାରେ ବସତି କରିବେ ।
\v 10 ଆଉ, ଆମ୍ଭର ଯେଉଁ ଲୋକମାନେ ଆମ୍ଭର ଅନ୍ୱେଷଣ କରିଅଛନ୍ତି, ସେମାନଙ୍କ ନିମନ୍ତେ ଶାରୋଣ ଏକ ମେଷ ଖୁଆଡ଼ ଓ ଆଖୋର ଉପତ୍ୟକା ଗୋପଲର ଶୟନ ସ୍ଥାନ ହେବ ।
\s5
\v 11 ମାତ୍ର ସଦାପ୍ରଭୁଙ୍କୁ ତ୍ୟାଗ କରୁଅଛ, ଆମ୍ଭ ପବିତ୍ର ପର୍ବତକୁ ପାସୋରୁଅଛ, ଭାଗ୍ୟଦେବ ଉଦ୍ଦେଶ୍ୟରେ ମେଜ ସଜାଉଅଛ ଓ ନିରୂପଣୀ ଦେବୀର ଉଦ୍ଦେଶ୍ୟରେ ମିଶ୍ରିତ ଦ୍ରାକ୍ଷାରସ ପୂର୍ଣ୍ଣ କରୁଅଛ ଯେ ତୁମ୍ଭେମାନେ,
\s5
\v 12 ତୁମ୍ଭମାନଙ୍କୁ ଆମ୍ଭେ ଖଡ଼୍‍ଗ ନିମନ୍ତେ ନିରୂପଣ କରିବା ଓ ତୁମ୍ଭେ ସମସ୍ତେ ବଧ ସ୍ଥାନରେ ନଇଁ ପଡ଼ିବ; କାରଣ ଆମ୍ଭେ ଡାକିଲା ବେଳେ ତୁମ୍ଭେମାନେ ଉତ୍ତର ଦେଲ ନାହିଁ; ଆମ୍ଭେ କଥା କହିଲା ବେଳେ ତୁମ୍ଭେମାନେ ଶୁଣିଲ ନାହିଁ; ମାତ୍ର ଆମ୍ଭ ଦୃଷ୍ଟିରେ ଯାହା ମନ୍ଦ, ତାହା ହିଁ ତୁମ୍ଭେମାନେ କଲ ଓ ଯହିଁରେ ଆମ୍ଭେ ସନ୍ତୁଷ୍ଟ ନୋହୁଁ, ତାହା ହିଁ ମନୋନୀତ କଲ ।"
\s5
\v 13 ଏହେତୁ ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି, "ଦେଖ, ଆମ୍ଭର ଦାସମାନେ ଭୋଜନ କରିବେ, ମାତ୍ର ତୁମ୍ଭେମାନେ କ୍ଷୁଧାର୍ତ୍ତ ହେବ; ଦେଖ, ଆମ୍ଭର ଦାସମାନେ ପାନ କରିବେ, ମାତ୍ର ତୁମ୍ଭେମାନେ ତୃଷାର୍ତ୍ତ ହେବ; ଦେଖ, ଆମ୍ଭର ଦାସମାନେ ଆନନ୍ଦ କରିବେ, ମାତ୍ର ତୁମ୍ଭେମାନେ ଲଜ୍ଜିତ ହେବ;
\v 14 ଦେଖ, ଆମ୍ଭର ଦାସମାନେ ଚିତ୍ତର ସୁଖ ସକାଶୁ ଗାନ କରିବେ, ମାତ୍ର ତୁମ୍ଭେମାନେ ଚିତ୍ତର ଦୁଃଖ ସକାଶୁ କ୍ରନ୍ଦନ କରିବ ଓ ଆତ୍ମାର ବିରକ୍ତି ସକାଶୁ ହାହାକାର କରିବ ।
\s5
\v 15 ପୁଣି, ତୁମ୍ଭେମାନେ ଆମ୍ଭ ମନୋନୀତ ଲୋକମାନଙ୍କ ନିକଟରେ ତୁମ୍ଭମାନଙ୍କର ନାମ ଶାପାସ୍ପଦ ରୂପେ ରଖିଯିବ ଓ ପ୍ରଭୁ, ସଦାପ୍ରଭୁ ତୁମ୍ଭକୁ ବଧ କରିବେ; ଆଉ, ସେ ଆପଣା ଦାସମାନଙ୍କୁ ଅନ୍ୟ ନାମରେ ଖ୍ୟାତ କରିବେ;
\v 16 ତହିଁରେ ଯେଉଁ ଲୋକ ପୃଥିବୀରେ ଆପଣାକୁ ଆଶୀର୍ବାଦ କରେ, ସେ ସତ୍ୟ ପରମେଶ୍ୱରଙ୍କଠାରୁ ଆପଣାକୁ ଆଶୀର୍ବାଦ କରିବ ଓ ଯେଉଁ ଲୋକ ପୃଥିବୀରେ ଶପଥ କରେ, ସେ ସତ୍ୟ ପରମେଶ୍ୱରଙ୍କ ଦ୍ୱାରା ଶପଥ କରିବ; ଯେହେତୁ ପୂର୍ବକାଳର ସଙ୍କଟସବୁ ବିସ୍ମୃତ ହୋଇଅଛି ଓ ତାହାସବୁ ଆମ୍ଭ ଦୃଷ୍ଟିରୁ ଗୁପ୍ତ ହୋଇଅଛି ।
\s ନୂତନ ସୃଷ୍ଟି
\p
\s5
\v 17 କାରଣ ଦେଖ, ଆମ୍ଭେ ନୂତନ ଆକାଶମଣ୍ଡଳ ଓ ନୂତନ ପୃଥିବୀ ସୃଷ୍ଟି କରୁ ଓ ପୂର୍ବ କାଳର ବିଷୟସବୁ ସ୍ମରଣ କରାଯିବ ନାହିଁ, କିଅବା ମନରେ ପଡ଼ିବ ନାହିଁ ।
\v 18 ମାତ୍ର ଯାହା ଆମ୍ଭେ ସୃଷ୍ଟି କରୁ, ତୁମ୍ଭେମାନେ ସଦାକାଳ ତହିଁରେ ଆନନ୍ଦିତ ହୋଇ ଉଲ୍ଲାସ କର; କାରଣ ଦେଖ, ଆମ୍ଭେ ଯିରୂଶାଲମକୁ ଉଲ୍ଲାସ ସ୍ୱରୂପ ଓ ତହିଁର ଲୋକମାନଙ୍କୁ ଆନନ୍ଦର ପାତ୍ର କରି ସୃଷ୍ଟି କରୁ ।
\v 19 ପୁଣି, ଆମ୍ଭେ ଯିରୂଶାଲମରେ ଉଲ୍ଲାସ କରିବା ଓ ଆମ୍ଭ ଲୋକମାନଙ୍କଠାରେ ଆନନ୍ଦ କରିବା; ପୁଣି, ତହିଁ ମଧ୍ୟରେ ରୋଦନର ଶବ୍ଦ, କିଅବା କ୍ରନ୍ଦନର ଶବ୍ଦ ଆଉ ଶୁଣାଯିବ ନାହିଁ ।
\s5
\v 20 ସେସମୟରୁ ସେସ୍ଥାନରେ ଅଳ୍ପ ଦିନର ଶିଶୁ କିଅବା ଅସମ୍ପୂର୍ଣ୍ଣାୟୁ ବୃଦ୍ଧ ଲୋକ ଆଉ ନ ଥିବ; କାରଣ ବାଳକ ଏକ ଶତ ବର୍ଷ ବୟଃକ୍ରମରେ ମରିବ ଓ ପାପୀ ଏକ ଶତ ବର୍ଷ ବୟସ୍କ ହୋଇ ଶାପଗ୍ରସ୍ତ ହେବ ।
\v 21 ପୁଣି, ଲୋକମାନେ ଗୃହ ନିର୍ମାଣ କରି ତହିଁରେ ବାସ କରିବେ ଓ ସେମାନେ ଦ୍ରାକ୍ଷାକ୍ଷେତ୍ର ପ୍ରସ୍ତୁତ କରି ତହିଁର ଫଳ ଭୋଗ କରିବେ ।
\s5
\v 22 ସେମାନେ ନିର୍ମାଣ କଲେ, ଅନ୍ୟ କେହି ତହିଁରେ ବାସ କରିବ ନାହିଁ; ସେମାନେ ରୋପଣ କଲେ, ଅନ୍ୟ କେହି ଫଳ ଭୋଗ କରିବ ନାହିଁ; କାରଣ ଆମ୍ଭ ଲୋକମାନଙ୍କର ଆୟୁ ବୃକ୍ଷର ଆୟୁ ତୁଲ୍ୟ ହେବ ଓ ଆମ୍ଭ ମନୋନୀତ ଲୋକମାନେ ଦୀର୍ଘ କାଳଯାଏ ଆପଣାମାନଙ୍କ ହସ୍ତକୃତ କର୍ମର ଫଳ ଭୋଗ କରିବେ ।
\v 23 ସେମାନେ ବୃଥା ପରିଶ୍ରମ କରିବେ ନାହିଁ, କିଅବା ବିପଦର ପାଇଁ ପ୍ରସବ କରିବେ ନାହିଁ; କାରଣ ସେମାନେ ଓ ସେମାନଙ୍କ ସଙ୍ଗେ ସେମାନଙ୍କ ସନ୍ତାନଗଣ, ସଦାପ୍ରଭୁଙ୍କ ଆଶୀର୍ବାଦ-ପାତ୍ରର ବଂଶ ।
\s5
\v 24 ପୁଣି, ଏହା ଘଟିବ ଯେ, ସେମାନେ ଡାକିବା ପୂର୍ବେ ଆମ୍ଭେ ଉତ୍ତର ଦେବା ଓ ସେମାନେ କଥା କହୁ କହୁ ଆମ୍ଭେ ଶୁଣିବା ।
\v 25 କେନ୍ଦୁଆ ବାଘ ଓ ମେଣ୍ଢାଛୁଆ ଏକତ୍ର ଚରିବେ ଓ ସିଂହ ଗୋରୁ ପରି ନଡ଼ା ଖାଇବ; ପୁଣି, ଧୂଳି ସର୍ପର ଖାଦ୍ୟ ହେବ । ସେମାନେ ଆମ୍ଭ ପବିତ୍ର ପର୍ବତର କୌଣସି ସ୍ଥାନରେ ହିଂସା କି ବିନାଶ କରିବେ ନାହିଁ", ସଦାପ୍ରଭୁ ଏହା କହନ୍ତି ।
\s5
\c 66
\s ଆତ୍ମାରେ ଦୁଃଖୀ ଓ ଚୂର୍ଣ୍ଣମନା
\p
\v 1 ସଦାପ୍ରଭୁ ଏହି କଥା କହନ୍ତି, "ସ୍ୱର୍ଗ ଆମ୍ଭର ସିଂହାସନ ଓ ପୃଥିବୀ ଆମ୍ଭର ପାଦପୀଠ; ତୁମ୍ଭେମାନେ ଆମ୍ଭ ନିମନ୍ତେ କିପ୍ରକାର ଗୃହ ନିର୍ମାଣ କରିବ ? ଓ କେଉଁ ସ୍ଥାନ ଆମ୍ଭର ବିଶ୍ରାମ ସ୍ଥାନ ହେବ ?
\s5
\v 2 କାରଣ ଆମ୍ଭର ହସ୍ତ ଏହିସବୁ ନିର୍ମାଣ କରିଅଛି, ଆଉ ତହିଁ ସକାଶୁ ଏହିସବୁ ଉତ୍ପନ୍ନ ହେଲା," ଏହା ସଦାପ୍ରଭୁ କହନ୍ତି; "ମାତ୍ର ଏହି ଲୋକ ପ୍ରତି, ଅର୍ଥାତ୍‍, ଯେଉଁ ଲୋକ ଦୁଃଖୀ, ଚୂର୍ଣ୍ଣମନା ଓ ଯେ ଆମ୍ଭ ବାକ୍ୟରେ କମ୍ପମାନ ହୁଏ, ତାହା ପ୍ରତି ଆମ୍ଭେ ଦୃଷ୍ଟିପାତ କରିବା ।
\s5
\v 3 ଯେ ଗୋବଧ କରେ, ସେ ମନୁଷ୍ୟ ହତ୍ୟାକାରୀ ପରି ହୁଏ; ଯେ ମେଷଶାବକ ବଳିଦାନ କରେ, ସେ କୁକ୍କୁର ବେକ କାଟି ପକାଇବା ଲୋକ ପରି ହୁଏ; ଯେ ନୈବେଦ୍ୟ ଉତ୍ସର୍ଗ କରେ, ସେ ଶୂକର ରକ୍ତ ଉତ୍ସର୍ଗ କରିବା ଲୋକ ପରି ହୁଏ; ଯେ କୁନ୍ଦୁରୁ ଜ୍ୱଳାଏ, ସେ ଦେବତାର ଧନ୍ୟବାଦ କରିବା ଲୋକ ପରି ହୁଏ; ହଁ, ସେମାନେ ଆପଣାମାନଙ୍କର ପଥ ମନୋନୀତ କରିଅଛନ୍ତି ଓ ସେମାନଙ୍କର ପ୍ରାଣ ଆପଣାମାନଙ୍କ ଘୃଣାଯୋଗ୍ୟ ବିଷୟରେ ସନ୍ତୁଷ୍ଟ ହୁଏ;
\s5
\v 4 ଆମ୍ଭେ ମଧ୍ୟ ସେମାନଙ୍କର ଭ୍ରାନ୍ତିଜନକ ବିଷୟ ମନୋନୀତ କରିବା ଓ ସେମାନଙ୍କ ଭୟର ବିଷୟ ସେମାନଙ୍କ ପ୍ରତି ଘଟାଇବା; କାରଣ ଆମ୍ଭେ ଡାକିଲା ବେଳେ କେହି ଉତ୍ତର ଦେଲେ ନାହିଁ; ଆମ୍ଭେ କଥା କହିଲା ବେଳେ ସେମାନେ ଶୁଣିଲେ ନାହିଁ; ମାତ୍ର ଯାହା ଆମ୍ଭ ଦୃଷ୍ଟିରେ ମନ୍ଦ, ତାହା ସେମାନେ କଲେ ଓ ଯହିଁରେ ଆମ୍ଭର ସନ୍ତୋଷ ନାହିଁ, ତାହା ସେମାନେ ମନୋନୀତ କଲେ ।"
\s5
\v 5 ସଦାପ୍ରଭୁଙ୍କ ବାକ୍ୟରେ କମ୍ପମାନ ହେଉଅଛ ଯେ "ତୁମ୍ଭେମାନେ, ତୁମ୍ଭେମାନେ ତାହାଙ୍କର ବାକ୍ୟ ଶୁଣ; ତୁମ୍ଭମାନଙ୍କର ଯେଉଁ ଭ୍ରାତୃଗଣ ତୁମ୍ଭମାନଙ୍କୁ ଘୃଣା କରନ୍ତି, ଆମ୍ଭ ନାମ ସକାଶେ ତୁମ୍ଭମାନଙ୍କୁ ଦୂର କରନ୍ତି, ସେମାନେ କହିଅଛନ୍ତି, ଆମ୍ଭେମାନେ ଯେପରି ତୁମ୍ଭମାନଙ୍କର ଆନନ୍ଦ ଦେଖି ପାରିବା, ଏଥିପାଇଁ ସଦାପ୍ରଭୁ ମହିମାନ୍ୱିତ ହେଉନ୍ତୁ; ମାତ୍ର ସେମାନେ ଲଜ୍ଜିତ ହେବେ ।
\s5
\v 6 ନଗରରୁ କଳହର ରବ, ମନ୍ଦିରରୁ ରବ, ଯେ ଆପଣା ଶତ୍ରୁମାନଙ୍କୁ ପ୍ରତିଫଳ ଦିଅନ୍ତି, ସେହି ସଦାପ୍ରଭୁଙ୍କର ରବ !
\s ଯିରୂଶାଲମ ସହ ଆନନ୍ଦିତ
\p
\s5
\v 7 ବେଦନାର ପୂର୍ବେ ସେ ପ୍ରସବ କଲା; ଗର୍ଭବେଦନା ଆସିବା ପୂର୍ବେ ପୁତ୍ରସନ୍ତାନ ଭୂମିଷ୍ଠ ହେଲା ।
\v 8 ଏପ୍ରକାର କଥା କିଏ ଶୁଣିଅଛି ? ଏପ୍ରକାର କଥା କିଏ ଦେଖିଅଛି ? ଏକ ଦିନରେ କି କୌଣସି ଦେଶର ଜନ୍ମ ହେବ ? କୌଣସି ଗୋଷ୍ଠୀୟ ଲୋକେ କି ଏକାବେଳେ ଜନ୍ମ ହେବେ ? ସିୟୋନ ଗର୍ଭବେଦନା ପାଇବା ମାତ୍ରେ, ସେ ଆପଣା ସନ୍ତାନଗଣକୁ ପ୍ରସବ କଲା ।"
\s5
\v 9 ସଦାପ୍ରଭୁ କହନ୍ତି, "ଆମ୍ଭେ ପ୍ରସବ କାଳ ଉପସ୍ଥିତ କରି କି ପ୍ରସବ କରାଇବା ନାହିଁ ?" ତୁମ୍ଭର ପରମେଶ୍ୱର କହନ୍ତି, "ପ୍ରସବ କରାଉ ଯେ ଆମ୍ଭେ, ଆମ୍ଭେ କି ଗର୍ଭ ରୋଧ କରିବା ?"
\s5
\v 10 ହେ ଯିରୂଶାଲମକୁ ପ୍ରେମକାରୀ ସମସ୍ତେ, ତୁମ୍ଭେମାନେ ତାହା ସହିତ ଆନନ୍ଦ କର ଓ ତାହା ନିମନ୍ତେ ଉଲ୍ଲାସ କର; ତାହା ବିଷୟରେ ଶୋକକାରୀ ସମସ୍ତେ, ତୁମ୍ଭେମାନେ ଆନନ୍ଦ ସକାଶୁ ତାହା ସହିତ ଉଲ୍ଲାସ କର;
\v 11 ତହିଁରେ ତୁମ୍ଭେମାନେ ତାହାର ସାନ୍ତ୍ୱନାରୂପ ସ୍ତନ୍ୟ ପାନ କରି ତୃପ୍ତ ହେବ; ତୁମ୍ଭେମାନେ ଦୁଗ୍ଧ ଦୁହିଁ ତାହାର ଐଶ୍ଚର୍ଯ୍ୟର ବାହୁଲ୍ୟରେ ଆନନ୍ଦିତ ହେବ ।
\s5
\v 12 କାରଣ ସଦାପ୍ରଭୁ ଏହି କଥା କହନ୍ତି, "ଦେଖ, ଆମ୍ଭେ ତାହା ଆଡ଼କୁ ନଦୀ ତୁଲ୍ୟ ଶାନ୍ତି ଓ ଉଚ୍ଛୁଳିବା ସ୍ରୋତ ତୁଲ୍ୟ ନାନା ଦେଶୀୟମାନଙ୍କ ଐଶ୍ୱର୍ଯ୍ୟ ବହାଇବା, ପୁଣି ତୁମ୍ଭେମାନେ ତହିଁରୁ ସ୍ତନ୍ୟ ପାନ କରିବ ଓ ତୁମ୍ଭେମାନେ ବାହୁରେ ବୁହାଯିବ ଓ ଆଣ୍ଠୁ ଉପରେ ନଚାଯିବ ।
\v 13 ଯେପରି ଜଣକୁ ତାହାର ମାତା ସାନ୍ତ୍ୱନା କରେ, ସେହିପରି ଆମ୍ଭେ ତୁମ୍ଭମାନଙ୍କୁ ସାନ୍ତ୍ୱନା କରିବା ଓ ତୁମ୍ଭେମାନେ ଯିରୂଶାଲମରେ ସାନ୍ତ୍ୱନା ପାଇବ ।"
\s5
\v 14 ପୁଣି, ତୁମ୍ଭେମାନେ ଏହା ଦେଖିବ ଓ ତୁମ୍ଭମାନଙ୍କର ହୃଦୟ ପ୍ରଫୁଲ୍ଲ ହେବ, ଆଉ ତୁମ୍ଭମାନଙ୍କର ଅସ୍ଥି ନବୀନ ତୃଣ ତୁଲ୍ୟ ସତେଜ ହେବ; ପୁଣି, ସଦାପ୍ରଭୁଙ୍କର ହସ୍ତ ତାହାଙ୍କ ଦାସମାନଙ୍କ ପକ୍ଷରେ ପ୍ରକାଶିତ ହେବ ଓ ସେ ଆପଣା ଶତ୍ରୁମାନଙ୍କ ବିରୁଦ୍ଧରେ କୋପାନ୍ୱିତ ହେବେ ।
\s ଈଶ୍ୱରଙ୍କ ମହିମା ଏବଂ ଶେଷ ବିଚାର
\p
\s5
\v 15 କାରଣ ଦେଖ, ମହାତାପରେ ଆପଣାର କ୍ରୋଧ ଓ ପ୍ରଜ୍ୱଳିତ ଅଗ୍ନି ଦ୍ୱାରା ଆପଣା ଭର୍ତ୍ସନା ପ୍ରତିଦାନ କରିବା ପାଇଁ ସଦାପ୍ରଭୁ ଅଗ୍ନି ସହକାରେ ଆଗମନ କରିବେ ଓ ତାହାଙ୍କର ରଥସବୁ ଘୂର୍ଣ୍ଣିବାୟୁ ତୁଲ୍ୟ ହେବ ।
\v 16 କାରଣ ସଦାପ୍ରଭୁ ଅଗ୍ନି ଦ୍ୱାରା ଓ ଆପଣା ଖଡ଼୍‍ଗ ଦ୍ୱାରା ଯାବତୀୟ ମର୍ତ୍ତ୍ୟ ସହିତ ବିବାଦ ନିଷ୍ପନ୍ନ କରିବେ; ତହିଁରେ ସଦାପ୍ରଭୁଙ୍କ ଦ୍ୱାରା ହତ ଲୋକ ଅନେକ ହେବେ ।
\s5
\v 17 ସଦାପ୍ରଭୁ କହନ୍ତି, "ଯେଉଁମାନେ ମଧ୍ୟବର୍ତ୍ତୀ ଏକ ଜଣର ପଶ୍ଚାତ୍‍ ଉଦ୍ୟାନକୁ ଯିବା ପାଇଁ ଆପଣାମାନଙ୍କୁ ପବିତ୍ର ଓ ଶୁଚି କରନ୍ତି, ଶୂକର ମାଂସ ଓ ଘୃଣ୍ୟ ଦ୍ରବ୍ୟ ଓ ମୂଷା ଖାଆନ୍ତି, ସେମାନେ ଏକତ୍ର ବିନଷ୍ଟ ହେବେ ।"
\s5
\v 18 "କାରଣ ଆମ୍ଭେ ସେମାନଙ୍କର କ୍ରିୟା ଓ କଳ୍ପନାସବୁ ଜାଣୁ; ସର୍ବଦେଶୀୟ ଓ ଭାଷାବାଦୀ ଲୋକଙ୍କୁ ଆମ୍ଭର ସଂଗ୍ରହ କରିବାର ସମୟ ଆସୁଅଛି ଓ ସେମାନେ ଆସି ଆମ୍ଭର ମହିମା ଦେଖିବେ ।
\v 19 ପୁଣି, ଆମ୍ଭେ ସେମାନଙ୍କ ମଧ୍ୟରେ ଏକ ଚିହ୍ନ ସ୍ଥାପନ କରିବା ଓ ସେମାନଙ୍କ ମଧ୍ୟରୁ ରକ୍ଷାପ୍ରାପ୍ତ ଲୋକମାନଙ୍କୁ ଆମ୍ଭେ ନାନା ଦେଶୀୟମାନଙ୍କ ନିକଟକୁ, ତର୍ଶୀଶ୍‍, ପୁଲ ଓ ଲୂଦ, ଯେଉଁମାନେ ଧନୁର୍ଦ୍ଧାରୀ, ତୁବଲ ଓ ଯବନ, ଇତ୍ୟାଦି ଯେଉଁ ଦୂରସ୍ଥ ଦ୍ୱୀପଗଣ ଆମ୍ଭର ସୁଖ୍ୟାତି ବିଷୟ କେବେ ଶୁଣି ନାହାନ୍ତି, କିଅବା ଆମ୍ଭର ପ୍ରତାପ ଦେଖି ନାହାନ୍ତି, ସେମାନଙ୍କ ନିକଟକୁ ପ୍ରେରଣ କରିବା ଓ ସେମାନେ ନାନା ଦେଶୀୟମାନଙ୍କ ମଧ୍ୟରେ ଆମ୍ଭର ମହିମା ପ୍ରକାଶ କରିବେ ।"
\s5
\v 20 ପୁଣି, ସଦାପ୍ରଭୁ କହନ୍ତି, "ଇସ୍ରାଏଲର ସନ୍ତାନଗଣ ଯେପରି ଶୁଚି ପାତ୍ରରେ ସଦାପ୍ରଭୁଙ୍କ ଗୃହକୁ ଉପହାର ଆଣନ୍ତି, ସେପରି ସେମାନେ ତୁମ୍ଭମାନଙ୍କର ଭ୍ରାତା ସମସ୍ତଙ୍କୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉପହାର ନିମନ୍ତେ, ସର୍ବଦେଶୀୟମାନଙ୍କ ମଧ୍ୟରୁ ସେମାନଙ୍କୁ ଅଶ୍ୱ, ରଥ ଓ ଚୌଦଳ, ଖଚର ଓ ଦ୍ରୁତଗାମୀ ପଶୁମାନଙ୍କ ଉପରେ ଆମ୍ଭର ପବିତ୍ର ପର୍ବତ ଯିରୂଶାଲମକୁ ଆଣିବେ ।"
\v 21 "ଆହୁରି, ଆମ୍ଭେ ସେମାନଙ୍କ ମଧ୍ୟରୁ ଯାଜକ ଓ ଲେବୀୟ ହେବା ନିମନ୍ତେ ଲୋକ ଗ୍ରହଣ କରିବା", ଏହା ସଦାପ୍ରଭୁ କହନ୍ତି ।
\s5
\v 22 "କାରଣ ଆମ୍ଭେ ଯେଉଁ ନୂତନ ଆକାଶମଣ୍ଡଳ ଓ ନୂତନ ପୃଥିବୀ ନିର୍ମାଣ କରିବା, ତାହା ଯେପରି ଆମ୍ଭ ସମ୍ମୁଖରେ ସ୍ଥାୟୀ ହେବ, ସେପରି ତୁମ୍ଭମାନଙ୍କର ବଂଶ ଓ ତୁମ୍ଭମାନଙ୍କର ନାମ ସ୍ଥାୟୀ ହେବ," ଏହା ସଦାପ୍ରଭୁ କହନ୍ତି ।
\v 23 "ଆଉ, ଏକ ଅମାବାସ୍ୟାଠାରୁ ଅନ୍ୟ ଅମାବାସ୍ୟା ପର୍ଯ୍ୟନ୍ତ ଓ ଏକ ବିଶ୍ରାମବାରଠାରୁ ଅନ୍ୟ ବିଶ୍ରାମବାର ପର୍ଯ୍ୟନ୍ତ ଯାବତୀୟ ମର୍ତ୍ତ୍ୟ ଆମ୍ଭ ସମ୍ମୁଖରେ ଭଜନା କରିବା ପାଇଁ ଆସିବେ," ଏହା ସଦାପ୍ରଭୁ କହନ୍ତି ।
\s5
\v 24 "ପୁଣି, ସେମାନେ ବାହାରେ ଯାଇ, ଯେଉଁମାନେ ଆମ୍ଭ ବିରୁଦ୍ଧରେ ଅଧର୍ମ କରିଅଛନ୍ତି, ସେହି ଲୋକମାନଙ୍କର ଶବ ଦେଖିବେ; କାରଣ ସେମାନଙ୍କର କୀଟ ମରିବ ନାହିଁ, କିଅବା ସେମାନଙ୍କର ଅଗ୍ନି ନିର୍ବାଣ ହେବ ନାହିଁ; ପୁଣି, ସେମାନେ ସମସ୍ତ ମର୍ତ୍ତ୍ୟର ଘୃଣାସ୍ପଦ ହେବେ ।"

4432
24-JER.usfm Normal file

File diff suppressed because it is too large Load Diff

2089
26-EZK.usfm Normal file
View File

@ -0,0 +1,2089 @@
\id EZK
\ide UTF-8
\sts Odia Old Version Revision
\rem Copyright Information: Creative Commons Attribution- ShareAlike 4.0 License
\h ଯିହିଜିକଲ
\toc1 ଯିହିଜିକଲ
\toc2 ଯିହିଜିକଲ ଭବିଷ୍ୟଦବକ୍ତାଙ୍କ ପୁସ୍ତକ
\toc3 ezk
\mt1 ଯିହିଜିକଲ ଭବିଷ୍ୟଦବକ୍ତାଙ୍କ ପୁସ୍ତକ
\s5
\c 1
\s ବାବିଲରେ ଯିହିଜିକଲ
\p
\v 1 ତିରିଶ ବର୍ଷର ଚତୁର୍ଥ ମାସର ପଞ୍ଚମ ଦିନରେ କବାର ନଦୀ କୂଳରେ ବନ୍ଦୀମାନଙ୍କ ମଧ୍ୟରେ ମୁଁ ଥିବା ସମୟରେ ସ୍ୱର୍ଗ ମୁକ୍ତ ହେଲା, ତହିଁରେ ମୁଁ ପରମେଶ୍ୱରଙ୍କଠାରୁ ଦର୍ଶନମାନ ଦେଖିଲି ।
\v 2 ରାଜା ଯିହୋୟାଖୀନ୍‍ର ବନ୍ଦୀ ହେବାର ପଞ୍ଚମ ବର୍ଷର, ସେହି ମାସର ପଞ୍ଚମ ଦିନରେ,
\v 3 କଲ୍‍ଦୀୟମାନଙ୍କ ଦେଶରେ କବାର ନଦୀ କୂଳରେ ବୂଷିର ପୁତ୍ର ଯିହିଜିକଲ ଯାଜକଙ୍କ ନିକଟରେ ସଦାପ୍ରଭୁଙ୍କର ବାକ୍ୟ ଉପସ୍ଥିତ ହେଲା; ପୁଣି, ସେଠାରେ ସଦାପ୍ରଭୁଙ୍କର ହସ୍ତ ତାଙ୍କ ଉପରେ ଥିଲା ।
\s ସଦାପ୍ରଭୁଙ୍କର ଗୌରବର ଦର୍ଶନ
\p
\s5
\v 4 ଏଥିଉତ୍ତାରେ ମୁଁ ଦୃଷ୍ଟି କଲି, ଆଉ ଦେଖ, ଉତ୍ତର ଦିଗରୁ ଘୂର୍ଣ୍ଣି ବାୟୁ ବୃହତ୍ ମେଘ ଓ ଜାଜ୍ୱଲ୍ୟମାନ ଅଗ୍ନି ଆସିଲା, ଆଉ ତାହାର ଚତୁର୍ଦ୍ଦିଗରେ ତେଜ ଓ ତହିଁରେ ମଧ୍ୟସ୍ଥାନରେ ଅଗ୍ନିର ମଧ୍ୟବର୍ତ୍ତୀ ଉତ୍ତପ୍ତ ଧାତୁର ନ୍ୟାୟ ପ୍ରଭା ଥିଲା ।
\v 5 ପୁଣି, ତହିଁ ମଧ୍ୟରୁ ଜୀବିତ ଚାରି ପ୍ରାଣୀର ମୂର୍ତ୍ତି ପ୍ରକାଶ ପାଇଲା । ସେମାନଙ୍କର ଆକୃତି ମନୁଷ୍ୟ ପରି ଥିଲା ।
\v 6 ଆଉ, ପ୍ରତ୍ୟେକର ଚାରି ଚାରି ମୁଖ ଓ ପ୍ରତ୍ୟେକର ଚାରି ଚାରି ପକ୍ଷ ଥିଲା ।
\s5
\v 7 ସେମାନଙ୍କର ପାଦ ସଳଖ, ଆଉ ସେମାନଙ୍କ ପାଦର ତଳିପା ଗୋବତ୍ସର ତଳିପାର ତୁଲ୍ୟ; ଆଉ, ସେମାନେ ପରିଷ୍କୃତ ପିତ୍ତଳ ପରି ଝଟକିଲେ ।
\v 8 ଆଉ, ସେମାନଙ୍କ ଚତୁର୍ଦ୍ଦିଗସ୍ଥ ପକ୍ଷ ତଳେ ମନୁଷ୍ୟର ହସ୍ତ ତୁଲ୍ୟ ହସ୍ତ ଥିଲା; ପୁଣି, ସେହି ଚାରି ପ୍ରାଣୀର ମୁଖ ଓ ସେମାନଙ୍କର ପକ୍ଷ ଏହି ପ୍ରକାର ଥିଲା, ଯଥା;
\v 9 ସେମାନଙ୍କର ପକ୍ଷ ପରସ୍ପର ସଂଯୁକ୍ତ; ସେମାନେ ଗମନ କରିବା ବେଳେ ପଛକୁ ଫେରିଲେ ନାହିଁ; ମାତ୍ର ପ୍ରତ୍ୟେକେ ସମ୍ମୁଖ ପ୍ରତି ଗମନ କଲେ ।
\s5
\v 10 ସେମାନଙ୍କ ମୁଖର ଆକୃତି ଏହିରୂପ, ଯଥା ସେମାନଙ୍କର ଗୋଟିଏ ମନୁଷ୍ୟର ମୁଖ ଥିଲା; ଆଉ, ଡାହାଣ ପାର୍ଶ୍ୱରେ ଚାରି ପ୍ରାଣୀର ସିଂହ ମୁଖ ଓ ବାମ ପାର୍ଶ୍ୱରେ ଚାରି ପ୍ରାଣୀର ଗୋରୁର ମୁଖ ଥିଲା; ସେହି ଚାରି ପ୍ରାଣୀର ମଧ୍ୟ ଉତ୍କ୍ରୋଶ ପକ୍ଷୀର ମୁଖ ଥିଲା ।
\v 11 ପୁଣି, ଉପର ଭାଗରେ ସେମାନଙ୍କର ମୁଖ ଓ ପକ୍ଷ ବିଭିନ୍ନ ଥିଲା; ପ୍ରତ୍ୟେକର ଦୁଇ ଦୁଇ ପକ୍ଷ ପରସ୍ପର ସଂଯୁକ୍ତ ଥିଲା ଓ ଦୁଇ ଦୁଇ ପକ୍ଷ ସେମାନଙ୍କର ଶରୀର ଆଚ୍ଛାଦନ କଲା ।
\v 12 ପୁଣି, ସେମାନେ ପ୍ରତ୍ୟେକେ ସମ୍ମୁଖପ୍ରତି ଗମନ କଲେ; ଯେଉଁଆଡ଼େ ଯିବାକୁ ପରମେଶ୍ୱରଙ୍କ ଆତ୍ମାର ଇଚ୍ଛା ହେଲା, ସେହିଆଡ଼େ ସେମାନେ ଗମନ କଲେ; ଗମନ ସମୟରେ ସେମାନେ ଫେରିଲେ ନାହିଁ ।
\s5
\v 13 ଏହି ଜୀବିତ ପ୍ରାଣୀମାନଙ୍କ ଆକୃତି ପ୍ରଜ୍ୱଳିତ ଅଙ୍ଗାର ଓ ମଶାଲ ସଦୃଶ ଥିଲା; ତାହା ଜୀବିତ ପ୍ରାଣୀମାନଙ୍କ ମଧ୍ୟରେ ଗମନାଗମନ କଲା ଓ ସେହି ଅଗ୍ନି ତେଜୋମୟ ଓ ସେହି ଅଗ୍ନିରୁ ବିଦ୍ୟୁତ ନିର୍ଗତ ହେଲା ।
\v 14 ପୁଣି, ସେହି ଜୀବିତ ପ୍ରାଣୀଗଣ ବିଦ୍ୟୁତର ଆଭା ସଦୃଶ ଦୌଡ଼ିଲେ ଓ ଫେରିଲେ ।
\s5
\v 15 ମୁଁ ସେହି ଜୀବିତ ପ୍ରାଣୀମାନଙ୍କୁ ଦର୍ଶନ କଲା ବେଳେ, ଦେଖ, ସେହି ଜୀବିତ ପ୍ରାଣୀମାନଙ୍କ ପାର୍ଶ୍ୱରେ ସେମାନଙ୍କ ଚାରି ମୁଖର ପ୍ରତ୍ୟେକର ପାଇଁ ଭୂମି ଉପରେ ଗୋଟିଏ ଗୋଟିଏ ଚକ୍ର ଥିଲା ।
\v 16 ସେହି ଚାରି ଚକ୍ରର ଆକୃତି ଓ ରଚନା ବୈଦୁର୍ଯ୍ୟମଣିର ଆଭା ତୁଲ୍ୟ ଓ ଚାରିର ରୂପ ଏକ ପ୍ରକାର; ପୁଣି, ସେମାନଙ୍କର ଆକୃତି ଓ ରଚନା ଚକ୍ର ମଧ୍ୟରେ ଚକ୍ର ପରି ଥିଲା ।
\s5
\v 17 ଗମନ କଲା ବେଳେ ସେହି ଚାରି ଚକ୍ର ଆପଣା ଆପଣାର ଚାରି ପାର୍ଶ୍ୱରେ ଗମନ କଲେ; ଗମନ କଲା ବେଳେ ସେମାନେ ଫେରିଲେ ନାହିଁ ।
\v 18 ସେମାନଙ୍କର ଘେର ଉଚ୍ଚ ଓ ଭୟଙ୍କର; ପୁଣି, ସେମାନଙ୍କର ସେହି ଚାରି ଘେରର ଚତୁର୍ଦ୍ଦିଗ ଚକ୍ଷୁରେ ପରିପୂର୍ଣ୍ଣ ଥିଲା ।
\s5
\v 19 ଆଉ, ସେହି ଜୀବିତ ପ୍ରାଣୀମାନେ ଗମନ କରିବା ବେଳେ ସେହି ଚକ୍ରସବୁ ସେମାନଙ୍କ ପାର୍ଶ୍ୱରେ ଚଳିଲେ; ପୁଣି, ଜୀବିତ ପ୍ରାଣୀମାନେ ଭୂମିରୁ ଉତ୍ଥାପିତ ହେବା ବେଳେ ଚକ୍ରସବୁ ମଧ୍ୟ ଉତ୍ଥାପିତ ହେଲେ ।
\v 20 ଯେକୌଣସି ସ୍ଥାନକୁ ଯିବାର ପରମେଶ୍ୱରଙ୍କ ଆତ୍ମାର ଇଚ୍ଛା, ସେସ୍ଥାନକୁ ସେମାନେ ଗଲେ; ଗମନ କରିବାକୁ ପରମେଶ୍ୱରଙ୍କ ଆତ୍ମାର ଇଚ୍ଛା ହେଲେ ସେମାନଙ୍କ ପାର୍ଶ୍ୱରେ ଚକ୍ରସବୁ ଉଠିଲେ; କାରଣ ଜୀବିତ ପ୍ରାଣୀର ପରମେଶ୍ୱରଙ୍କ ଆତ୍ମା ଚକ୍ରରେ ଥିଲା ।
\v 21 ସେମାନେ ଗମନ କଲା ବେଳେ ଏମାନେ ଗମନ କଲେ ଓ ସେମାନେ ଠିଆ ହେବା ବେଳେ ଏମାନେ ଠିଆ ହେଲେ; ଆଉ, ସେମାନେ ଭୂମିରୁ ଉତ୍ଥାପିତ ହେବା ବେଳେ ସେମାନଙ୍କ ପାର୍ଶ୍ୱରେ ଚକ୍ରସବୁ ଉତ୍ଥାପିତ ହେଲେ; କାରଣ ଜୀବିତ ପ୍ରାଣୀର ପରମେଶ୍ୱରଙ୍କ ଆତ୍ମା ଚକ୍ରରେ ଥିଲା ।
\s5
\v 22 ପୁଣି, ସେହି ଜୀବିତ ପ୍ରାଣୀର ମସ୍ତକ ଉପରେ ଶୂନ୍ୟର ଏକ ଆକୃତି ଥିଲା, ତାହା ଭୟଙ୍କର ସ୍ପଟିକ ତୁଲ୍ୟ ଆଭାବିଶିଷ୍ଟ ହୋଇ ସେମାନଙ୍କ ମସ୍ତକର ଉର୍ଦ୍ଧ୍ୱରେ ବିସ୍ତାରିତ ଥିଲା ।
\v 23 ଆଉ, ସେହି ଶୂନ୍ୟର ତଳେ ସେମାନଙ୍କର ପକ୍ଷସବୁ ପରସ୍ପର ପ୍ରତି ପ୍ରସାରିତ ହୋଇ ସମାନ ଥିଲା; ପ୍ରତ୍ୟେକର ଶରୀର ଆଚ୍ଛାଦନ କରିବା ପାଇଁ ଏପାଖରେ ଦୁଇ ଓ ପ୍ରତ୍ୟେକର ଗାତ୍ର ଆଚ୍ଛାଦନ କରିବା ପାଇଁ ସେପାଖରେ ଦୁଇ ପକ୍ଷ ଥିଲା ।
\s5
\v 24 ଆଉ, ସେମାନେ ଗମନ କରିବା ବେଳେ ମୁଁ ସେମାନଙ୍କ ପକ୍ଷୀର ଶବ୍ଦ ଶୁଣିଲି, ତାହା ମହା ଜଳରାଶିର କଲ୍ଲୋଳ ତୁଲ୍ୟ, ସର୍ବଶକ୍ତିମାନଙ୍କର ରବ ତୁଲ୍ୟ, ସୈନ୍ୟ-ଦଳର ଶବ୍ଦ ତୁଲ୍ୟ କୋଳାହଳ ଶବ୍ଦ; ସେମାନେ ଠିଆ ହେବା ବେଳେ ଆପଣା ଆପଣା ପକ୍ଷ ସଙ୍କୋଚ କଲେ ।
\v 25 ପୁଣି, ସେମାନଙ୍କର ମସ୍ତକର ଉପରିସ୍ଥ ଶୂନ୍ୟର ଉପରେ ଏକ ରବ ହେଲା; ସେମାନେ ଠିଆ ହେବା ବେଳେ ଆପଣା ଆପଣା ପକ୍ଷ ସଙ୍କୋଚ କଲେ ।
\s5
\v 26 ପୁଣି, ସେମାନଙ୍କ ମସ୍ତକର ଉପରିସ୍ଥ ଶୂନ୍ୟର ଉର୍ଦ୍ଧ୍ୱରେ ନୀଳକାନ୍ତ ମଣି ସଦୃଶ ଏକ ସିଂହାସନର ଆକୃତି ଥିଲା; ଆଉ, ସେହି ସିଂହାସନର ଆକୃତି ଉପରେ ମନୁଷ୍ୟ ସଦୃଶ୍ୟ ଏକ ଆକୃତି ତହିଁର ଉର୍ଦ୍ଧ୍ୱ ଭାଗରେ ଥିଲା ।
\s5
\v 27 ଆଉ, ମୁଁ ତାହାଙ୍କ କଟିଦେଶର ଆକୃତି ଓ ତହିଁର ଉର୍ଦ୍ଧ୍ୱରୁ, ତହିଁର ଭିତରେ ଓ ଚତୁର୍ଦ୍ଦିଗରେ ଅଗ୍ନି ସଦୃଶ ଉତ୍ତପ୍ତ ଧାତୁର ଆଭା ତୁଲ୍ୟ ଆଭା ଦେଖିଲି ଓ ତାହାଙ୍କ କଟିଦେଶର ଆକୃତିଠାରୁ ତଳ ପର୍ଯ୍ୟନ୍ତ ଅଗ୍ନି ସଦୃଶ ଆଭା ଦେଖିଲି ଓ ତାହାଙ୍କ ଚତୁର୍ଦ୍ଦିଗରେ ତେଜ ଥିଲା ।
\v 28 ବୃଷ୍ଟି ଦିନରେ ମେଘରେ ଧନୁର ଯେପରି ଆଭା, ସେହିପରି ସେହି ଚତୁର୍ଦ୍ଦିଗସ୍ଥ ତେଜ ଥିଲା । ଏହା ସଦାପ୍ରଭୁଙ୍କ ପ୍ରତାପର ମୂର୍ତ୍ତିର ଆଭା । ପୁଣି, ମୁଁ ତାହା ଦେଖି ମୁହଁ ମାଡ଼ି ପଡ଼ିଲି, ତହିଁରେ ମୁଁ ବାକ୍ୟବାଦୀ ଏକ ବ୍ୟକ୍ତିଙ୍କର ରବ ଶୁଣିଲି ।
\s5
\c 2
\s ଯିହିଜିକଲଙ୍କ ଆହ୍ୱାନ
\p
\v 1 ଏଥିଉତ୍ତାରେ ସେ ମୋତେ କହିଲେ, "ହେ ମନୁଷ୍ୟ ସନ୍ତାନ, ତୁମ୍ଭେ ଆପଣା ଚରଣରେ ଠିଆ ହୁଅ, ଆମ୍ଭେ ତୁମ୍ଭ ସଙ୍ଗେ କଥା କହିବା ।"
\v 2 ସେ କଥା କହିବା ବେଳେ ପରମେଶ୍ୱରଙ୍କ ଆତ୍ମା ମୋ' ମଧ୍ୟରେ ପ୍ରବେଶ କରି ମୋତେ ଚରଣରେ ଠିଆ କରାଇଲେ; ତହିଁରେ ଯେ ମୋ' ସଙ୍ଗେ କଥା କହିଲେ, ତାହାଙ୍କ ବାକ୍ୟ ମୁଁ ଶୁଣିଲି ।
\v 3 ପୁଣି, ସେ ମୋତେ କହିଲେ, "ହେ ମନୁଷ୍ୟ ସନ୍ତାନ, ଆମ୍ଭେ ଇସ୍ରାଏଲର ସନ୍ତାନଗଣର ନିକଟକୁ, ଯେଉଁମାନେ ଆମ୍ଭର ବିଦ୍ରୋହାଚରଣ କରିଅଛନ୍ତି, ସେହି ବିଦ୍ରୋହୀ ଗୋଷ୍ଠୀୟମାନଙ୍କ ନିକଟକୁ ତୁମ୍ଭକୁ ପ୍ରେରଣ କରୁଅଛୁ; ସେମାନେ ଓ ସେମାନଙ୍କର ପିତୃପୁରୁଷମାନେ ଆମ୍ଭ ବିରୁଦ୍ଧରେ ଅପରାଧ କରିଅଛନ୍ତି, ଆଜି ପର୍ଯ୍ୟନ୍ତ ସୁଦ୍ଧା କରୁଅଛନ୍ତି ।
\s5
\v 4 ସେହି ସନ୍ତାନମାନେ ନିର୍ଲଜ୍ଜ ମୁଖ ଓ କଠିନ ଚିତ୍ତ; ଆମ୍ଭେ ସେମାନଙ୍କ ନିକଟକୁ ତୁମ୍ଭକୁ ପ୍ରେରଣ କରୁଅଛୁ; ତୁମ୍ଭେ ସେମାନଙ୍କୁ କହିବ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି ।
\v 5 ସେମାନେ ବିଦ୍ରୋହୀ-ବଂଶ, ଏଣୁ ଶୁଣନ୍ତୁ ଅବା ନ ଶୁଣନ୍ତୁ, ତଥାପି ସେମାନଙ୍କ ମଧ୍ୟରେ ଜଣେ ଭବିଷ୍ୟଦ୍‍ବକ୍ତା ଉପସ୍ଥିତ ହୋଇଅଛି ବୋଲି ଜ୍ଞାତ ହେବେ ।
\s5
\v 6 ହେ ମନୁଷ୍ୟ-ସନ୍ତାନ, ସତ୍ୟ, ସେମାନେ ତୁମ୍ଭ ନିକଟରେ କାନକୋଳି ଓ କଣ୍ଟକ ତୁଲ୍ୟ ଅଟନ୍ତି, ତୁମ୍ଭେ କଙ୍କଡ଼ାବିଛାମାନଙ୍କ ମଧ୍ୟରେ ବାସ କରୁଅଛ, ତଥାପି ସେମାନଙ୍କ ବିଷୟରେ ଭୀତ ହୁଅ ନାହିଁ, କିଅବା ସେମାନଙ୍କ କଥାରେ ଭୀତ ହୁଅ ନାହିଁ; ସେମାନେ ବିଦ୍ରୋହୀ-ବଂଶ ହେଲେ ହେଁ ତୁମ୍ଭେ ସେମାନଙ୍କ କଥାରେ ଭୀତ ହୁଅ ନାହିଁ, କିଅବା ସେମାନଙ୍କ ଚାହାଣିରେ ଉଦ୍‍ବିଗ୍ନ ହୁଅ ନାହିଁ ।
\s5
\v 7 ସେମାନେ ଅତ୍ୟନ୍ତ ବିଦ୍ରୋହୀ, ଏହେତୁ ସେମାନେ ଶୁଣନ୍ତୁ, ଅବା ନ ଶୁଣନ୍ତୁ, ତୁମ୍ଭେ ସେମାନଙ୍କୁ ଆମ୍ଭର ବାକ୍ୟସବୁ କୁହ ।
\v 8 ମାତ୍ର ହେ ମନୁଷ୍ୟ ସନ୍ତାନ, ଆମ୍ଭେ ତୁମ୍ଭକୁ ଯାହା କହୁ, ତାହା ତୁମ୍ଭେ ଶୁଣ; ତୁମ୍ଭେ ସେହି ବିଦ୍ରୋହୀ-ବଂଶ ତୁଲ୍ୟ ବିଦ୍ରୋହୀ ହୁଅ ନାହିଁ; ଆପଣା ମୁଖ ଫିଟାଅ, ଆମ୍ଭେ ତୁମ୍ଭକୁ ଯାହା ଦେଉ, ତାହା ଭୋଜନ କର ।"
\s5
\v 9 ତହିଁରେ ମୁଁ ଅନାନ୍ତେ, ଦେଖ, ଏକ ହସ୍ତ ମୋ' ପ୍ରତି ପ୍ରସାରିତ ହେଲା, ଆଉ ଦେଖ, ତହିଁ ମଧ୍ୟରେ ଏକ ନଳାକାର ପୁସ୍ତକ ଥିଲା;
\v 10 ଆଉ, ସେ ମୋ' ସମ୍ମୁଖରେ ତାହା ପ୍ରସାର କଲେ; ପୁଣି, ତାହା ଭିତରେ ଓ ବାହାରେ ଲେଖା ହୋଇଥିଲା; ଆଉ, ତହିଁ ମଧ୍ୟରେ ବିଳାପ, ଶୋକ ଓ ସନ୍ତାପର କଥା ଲିଖିତ ଥିଲା ।
\s5
\c 3
\p
\v 1 ଏଥିଉତ୍ତାରେ ସେ ମୋତେ କହିଲେ, "ହେ ମନୁଷ୍ୟ ସନ୍ତାନ, ତୁମ୍ଭ ନିକଟରେ ଯାହା ଉପସ୍ଥିତ ତାହା ଭୋଜନ କର; ଏହି ନଳାକାର ପୁସ୍ତକ ଭୋଜନ କର ଓ ଯାଇ ଇସ୍ରାଏଲ ବଂଶ ସହିତ କଥା କୁହ ।"
\v 2 ତହିଁରେ ମୁଁ ଆପଣା ମୁଖ ଫିଟାନ୍ତେ, ସେ ମୋତେ ସେହି ନଳାକାର ପୁସ୍ତକ ଭୋଜନ କରାଇଲେ ।
\v 3 ପୁଣି, ସେ ମୋତେ କହିଲେ, "ହେ ମନୁଷ୍ୟ-ସନ୍ତାନ, ଆମ୍ଭେ ତୁମ୍ଭକୁ ଯେଉଁ ନଳାକାର ପୁସ୍ତକ ଦେଉ, ତାହା ତୁମ୍ଭେ ଜଠରରେ ଗ୍ରହଣ କରି ଆପଣା ଉଦର ପୂର୍ଣ୍ଣ କର !" ତହିଁରେ ମୁଁ ତାହା ଭୋଜନ କଲି; ଆଉ, ମିଷ୍ଟତା ସକାଶୁ ତାହା ମୋ' ମୁଖକୁ ମଧୁପରି ଲାଗିଲା ।
\s5
\v 4 ଏଉତ୍ତାରେ ସେ ମୋତେ କହିଲେ, "ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଇସ୍ରାଏଲ ବଂଶ ନିକଟକୁ ଯାଇ ସେମାନଙ୍କୁ ଆମ୍ଭର ବାକ୍ୟସକଳ କୁହ ।
\v 5 କାରଣ ତୁମ୍ଭେ କୌଣସି ବିଦେଶୀୟ ଓ କଠିନ ଭାଷାବାଦୀ ଗୋଷ୍ଠୀ ନିକଟକୁ ପ୍ରେରିତ ନ ହୋଇ ଇସ୍ରାଏଲ ବଂଶ ନିକଟକୁ ପ୍ରେରିତ ହେଉଅଛ;
\v 6 ଯେଉଁମାନଙ୍କର ଭାଷା ତୁମ୍ଭେ ବୁଝି ନ ପାର, ଏପରି ବିଦେଶୀୟ ଓ କଠିନ ଭାଷାବାଦୀ ଅନେକ ଗୋଷ୍ଠୀ ନିକଟକୁ ତୁମ୍ଭେ ପ୍ରେରିତ ହେଉ ନାହଁ । ଆମ୍ଭେ ସେମାନଙ୍କ ନିକଟକୁ ତୁମ୍ଭକୁ ପଠାଇଲେ, ସେମାନେ ନିଶ୍ଚୟ ତୁମ୍ଭର କଥା ଶୁଣନ୍ତେ ।
\v 7 ମାତ୍ର ଇସ୍ରାଏଲ ବଂଶ ତୁମ୍ଭ କଥା ଶୁଣିବେ ନାହିଁ; କାରଣ ସେମାନେ ଆମ୍ଭ କଥା ଶୁଣିବେ ନାହିଁ; ସମୁଦାୟ ଇସ୍ରାଏଲ ବଂଶ ଶକ୍ତଗ୍ରୀବ ଓ କଠିନ ଚିତ୍ତ ଅଟନ୍ତି ।
\s5
\v 8 ଦେଖ, ଆମ୍ଭେ ସେମାନଙ୍କ ମୁଖର ପ୍ରତିକୂଳରେ ତୁମ୍ଭର ମୁଖ ଓ ସେମାନଙ୍କ କପାଳର ପ୍ରତିକୂଳରେ ତୁମ୍ଭର କପାଳ ଦୃଢ଼ କରିଅଛୁ ।"
\v 9 ଆମ୍ଭେ ଚକ୍‍ମକି ପ୍ରସ୍ତର ଅପେକ୍ଷା ଦୃଢ଼ ହୀରକ ତୁଲ୍ୟ ତୁମ୍ଭର କପାଳ କରିଅଛୁ; ସେମାନେ ବିଦ୍ରୋହୀ-ବଂଶ ହେଲେ ହେଁ ସେମାନଙ୍କୁ ଭୟ କର ନାହିଁ, କିଅବା ସେମାନଙ୍କ ଚାହାଣିରେ ଉଦ୍‍ବିଗ୍ନ ହୁଅ ନାହିଁ ।
\s5
\v 10 ଆହୁରି, ସେ ମୋତେ କହିଲେ, "ହେ ମନୁଷ୍ୟ ସନ୍ତାନ, ଆମ୍ଭେ ତୁମ୍ଭକୁ ଯାହା ଯାହା କହିବା, ଆମ୍ଭର ସେହିସବୁ କଥା ତୁମ୍ଭେ ଆପଣା ଅନ୍ତଃକରଣରେ ଗ୍ରହଣ କର ଓ ଆପଣା କର୍ଣ୍ଣରେ ଶ୍ରବଣ କର ।
\v 11 ପୁଣି, ତୁମ୍ଭ ଲୋକଙ୍କର ନିର୍ବାସିତ ସନ୍ତାନଗଣ ନିକଟକୁ ଯାଇ ସେମାନଙ୍କୁ କୁହ; ସେମାନେ ଶୁଣନ୍ତୁ ଅବା ନ ଶୁଣନ୍ତୁ, ସେମାନଙ୍କୁ ଜଣାଅ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି ।"
\s5
\v 12 ଏଉତ୍ତାରେ ପରମେଶ୍ୱରଙ୍କ ଆତ୍ମା ମୋତେ ଉପରକୁ ଉଠାଇଲେ, ତହିଁରେ ମୁଁ ଆପଣା ପଶ୍ଚାତରେ, "ଧନ୍ୟ ସଦାପ୍ରଭୁଙ୍କର ମହିମା," ଏହି କଥା ମହା ଖରତର ଶବ୍ଦର ନ୍ୟାୟ ତାହାଙ୍କ ସ୍ଥାନରୁ ଶୁଣିଲି ।
\v 13 ପୁଣି, ସେହି ଜୀବିତ ପ୍ରାଣୀମାନଙ୍କ ପକ୍ଷ ପରସ୍ପର ସ୍ପର୍ଶ କରନ୍ତେ, ମୁଁ ତହିଁର ଶବ୍ଦ ଓ ସେମାନଙ୍କ ପାର୍ଶ୍ୱସ୍ଥ ଚକ୍ରର ଶବ୍ଦ, ଏହି ମହା ଖରତର ଶବ୍ଦ ଶୁଣିଲି ।
\s5
\v 14 ତହିଁରେ ପରମେଶ୍ୱରଙ୍କ ଆତ୍ମା ମୋତେ ଉପରକୁ ଉଠାଇ ନେଇଗଲେ; ତହୁଁ ମୁଁ ଦୁଃଖିତ ଓ ପରମେଶ୍ୱରଙ୍କ ଆତ୍ମାରେ ତାପିତ ହୋଇ ଗମନ କଲି, ପୁଣି, ସଦାପ୍ରଭୁଙ୍କର ହସ୍ତ ମୋ' ଉପରେ ପ୍ରବଳ ଥିଲା ।
\v 15 ତେବେ ମୁଁ ତେଲଆବୀବକୁ, କବାର ନଦୀତୀର ନିବାସୀ ନିର୍ବାସିତ ଲୋକମାନଙ୍କ ନିକଟକୁ ଆସିଲି ଓ ସେମାନେ ଯେଉଁ ସ୍ଥାନରେ ବାସ କଲେ, ସେହି ସ୍ଥାନରେ ସେମାନଙ୍କ ମଧ୍ୟରେ ସ୍ତବ୍ଧ ହୋଇ ସାତ ଦିନ ବସି ରହିଲି ।
\s ଇସ୍ରାଏଲ ପ୍ରତି ପ୍ରହରୀ
\p
\s5
\v 16 ଏଥିଉତ୍ତାରେ ସାତ ଦିନ ସମାପ୍ତ ହେଲା ପରେ ସଦାପ୍ରଭୁଙ୍କର ଏହି ବାକ୍ୟ ମୋ' ନିକଟରେ ଉପସ୍ଥିତ ହେଲା, ଯଥା:
\v 17 ହେ ମନୁଷ୍ୟ-ସନ୍ତାନ, ଆମ୍ଭେ ଇସ୍ରାଏଲ ବଂଶ ପ୍ରତି ତୁମ୍ଭକୁ ପ୍ରହରୀ କରି ନିଯୁକ୍ତ କରିଅଛୁ; ଏହେତୁ ଆମ୍ଭ ମୁଖର କଥା ଶୁଣ ଓ ଆମ୍ଭ ନାମରେ ସେମାନଙ୍କୁ ଚେତନା ଦିଅ ।
\v 18 ତୁମ୍ଭେ ନିଶ୍ଚୟ ମରିବ, ଏହି କଥା ଯେତେବେଳେ ଆମ୍ଭେ ଦୁଷ୍ଟକୁ କହୁ; ସେତେବେଳେ ତୁମ୍ଭେ ଯଦି ତାହାକୁ ଚେତନା ନ ଦିଅ, କିଅବା ତାହାର ପ୍ରାଣ ରକ୍ଷା ନିମନ୍ତେ ଚେତନା ଦେବା ପାଇଁ ସେହି ଦୁଷ୍ଟ ଲୋକକୁ ତାହାର କୁପଥ ବିଷୟରେ କିଛି ନ କୁହ; ତେବେ ସେହି ଦୁଷ୍ଟ ଲୋକ ଆପଣା ଅଧର୍ମରେ ମରିବ; ମାତ୍ର ଆମ୍ଭେ ତୁମ୍ଭ ହସ୍ତରୁ ତାହାର ରକ୍ତର ପ୍ରତିଶୋଧ ନେବା ।
\v 19 ତଥାପି ତୁମ୍ଭେ ଯଦି ଦୁଷ୍ଟକୁ ଚେତନା ଦିଅ, ଆଉ ସେ ଆପଣା ଦୁଷ୍ଟତାରୁ ଓ ଆପଣା କୁପଥରୁ ନ ଫେରେ, ସେ ନିଜ ଅଧର୍ମରେ ମରିବ, ମାତ୍ର ତୁମ୍ଭେ ଆପଣା ପ୍ରାଣ ରକ୍ଷା କରିବ ।
\s5
\v 20 ପୁନର୍ବାର କୌଣସି ଧାର୍ମିକ ଲୋକ ଯଦି ଆପଣା ଧର୍ମରୁ ଫେରି ଅଧର୍ମ କରେ ଓ ଆମ୍ଭେ ତାହା ସମ୍ମୁଖରେ ବାଧା ରଖୁ, ତେବେ ସେ ମରିବ; ତୁମ୍ଭେ ତାହାକୁ ଚେତନା ନ ଦେବା ସକାଶୁ ସେ ଆପଣା ପାପରେ ମରିବ ଓ ତାହାର ଧର୍ମକର୍ମସବୁ ସ୍ମରଣ କରାଯିବ ନାହିଁ; ମାତ୍ର ଆମ୍ଭେ ତୁମ୍ଭ ହସ୍ତରୁ ତାହାର ରକ୍ତର ପ୍ରତିଶୋଧ ନେବା ।
\v 21 ତଥାପି ଧାର୍ମିକ ଲୋକ ଯେପରି ପାପ ନ କରିବ, ଏଥିପାଇଁ ତୁମ୍ଭେ ଧାର୍ମିକ ଲୋକକୁ ଚେତନା ଦେଲେ, ସେ ଯଦି ପାପ ନ କରେ, ତେବେ ସେ ଚେତନା ଗ୍ରହଣ କରିବା ସକାଶୁ ନିଶ୍ଚୟ ବଞ୍ଚିବ ଓ ତୁମ୍ଭେ ଆପଣା ପ୍ରାଣ ରକ୍ଷା କରିବ ।
\s5
\v 22 ଏଥିଉତ୍ତାରେ ସେହି ସ୍ଥାନରେ ସଦାପ୍ରଭୁଙ୍କର ହସ୍ତ ମୋ' ଉପରେ ଅଧିଷ୍ଠାନ କଲା; ପୁଣି, ସେ ମୋତେ କହିଲେ, "ତୁମ୍ଭେ ଉଠି ପଦା-ଭୂମିକୁ ବାହାରି ଯାଅ, ଆଉ ଆମ୍ଭେ ସେଠାରେ ତୁମ୍ଭ ସଙ୍ଗେ କଥାବାର୍ତ୍ତା କରିବା" !
\v 23 ତହିଁରେ ମୁଁ ଉଠି ପଦା-ଭୂମିକୁ ବାହାରି ଗଲି; ଆଉ ଦେଖ, କବାର ନଦୀ କୂଳରେ ମୁଁ ଯେଉଁ ମହିମା ଦେଖିଥିଲି, ତାହାର ତୁଲ୍ୟ ସଦାପ୍ରଭୁଙ୍କର ମହିମା ସେହି ସ୍ଥାନରେ ଉପସ୍ଥିତ ହେଲା; ତହୁଁ ମୁଁ ଉବୁଡ଼ ହେଲି ।
\s5
\v 24 ତହିଁରେ ପରମେଶ୍ୱରଙ୍କ ଆତ୍ମା ମୋ' ମଧ୍ୟରେ ପ୍ରବେଶ କରି ମୋତେ ଚରଣରେ ଠିଆ କରାଇଲେ; ପୁଣି, ସେ ମୋ' ସଙ୍ଗେ କଥାବାର୍ତ୍ତା କରି ମୋତେ କହିଲେ, "ଯାଅ, ତୁମ୍ଭେ ଆପଣା ଗୃହ ଭିତରେ ଆପଣାକୁ ରୁଦ୍ଧ କରି ରଖ ।
\v 25 ମାତ୍ର ହେ ମନୁଷ୍ୟ ସନ୍ତାନ, ଦେଖ, ଲୋକମାନେ ତୁମ୍ଭ ଉପରେ ରଜ୍ଜୁ ଦେଇ ତଦ୍ଦ୍ୱାରା ତୁମ୍ଭକୁ ବାନ୍ଧିବେ, ତହିଁରେ ତୁମ୍ଭେ ବାହାରି ସେମାନଙ୍କ ମଧ୍ୟରେ ଯିବ ନାହିଁ;
\s5
\v 26 ପୁଣି, ଆମ୍ଭେ ତୁମ୍ଭ ଜିହ୍ୱାକୁ ତୁମ୍ଭ ମୁଖର ତାଳୁରେ ଯୁକ୍ତ କରିବା, ତହିଁରେ ତୁମ୍ଭେ ଘୁଙ୍ଗା ହେବ ଓ ସେମାନଙ୍କର ଭର୍ତ୍ସନାକାରୀ ହେବ ନାହିଁ; କାରଣ ସେମାନେ ବିଦ୍ରୋହୀ ବଂଶ ଅଟନ୍ତି ।
\v 27 ମାତ୍ର ଆମ୍ଭେ ତୁମ୍ଭ ସଙ୍ଗେ କଥା କହିବା ସମୟରେ ତୁମ୍ଭ ମୁଖ ଫିଟାଇବା, ତହିଁରେ ତୁମ୍ଭେ ସେମାନଙ୍କୁ କହିବ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ଯେ ଶୁଣେ, ସେ ଶୁଣୁ ଓ ଯେ ନ ଶୁଣେ, ସେ ନ ଶୁଣୁ; କାରଣ ସେମାନେ ବିଦ୍ରୋହୀ ବଂଶ" !
\s5
\c 4
\s ଯିରୂଶାଲମ ଅବରୋଧର ଛବି
\p
\v 1 ଆହୁରି, ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଏକ ଇଟା ନେଇ ଆପଣା ସମ୍ମୁଖରେ ରଖ ଓ ତହିଁ ଉପରେ ଏକ ନଗରର, ଅର୍ଥାତ୍‍, ଯିରୂଶାଲମର ଛବି ଅଙ୍କିତ କର;
\v 2 ଆଉ, ତାହା ସୈନ୍ୟରେ ବେଷ୍ଟିତ କର, ତାହା ବିରୁଦ୍ଧରେ ଗଡ଼ ନିର୍ମାଣ କର ଓ ତାହା ବିରୁଦ୍ଧରେ ବନ୍ଧ ବାନ୍ଧ; ମଧ୍ୟ ତାହା ବିରୁଦ୍ଧରେ ଛାଉଣି ସ୍ଥାପନ କର ଓ ତହିଁର ଚତୁର୍ଦ୍ଦିଗରେ ପ୍ରାଚୀର ଭେଦକ ଯନ୍ତ୍ର ସ୍ଥାପନ କର ।
\v 3 ପୁଣି, ଏକ ଖଣ୍ଡ ଲୁହାର କହ୍ରାଇ ନେଇ ତୁମ୍ଭର ଓ ନଗରର ମଧ୍ୟରେ ଲୌହ ପ୍ରାଚୀର ତୁଲ୍ୟ ତାହା ସ୍ଥାପନ କର; ଆଉ, ତୁମ୍ଭର ମୁଖ ତହିଁପ୍ରତି ରଖ, ତହିଁରେ ତାହା ଅବରୁଦ୍ଧ ହେବ ଓ ତୁମ୍ଭେ ତାହା ଅବରୋଧ କରି ତହିଁ ବିରୁଦ୍ଧରେ ରହିବ । ଏହା ଇସ୍ରାଏଲ ବଂଶ ପ୍ରତି ଏକ ଚିହ୍ନ ସ୍ୱରୂପ ହେବ ।
\s5
\v 4 ଆହୁରି, ତୁମ୍ଭେ ଆପଣା ବାମ ପାର୍ଶ୍ୱରେ ଶୟନ କରି ଇସ୍ରାଏଲ ବଂଶର ଅଧର୍ମ ତହିଁ ଉପରେ ରଖ, ତୁମ୍ଭେ ତହିଁ ଉପରେ ଶୟନ କରିବା ଦିନର ସଂଖ୍ୟାନୁସାରେ ସେମାନଙ୍କର ଅଧର୍ମ ବହିବ ।
\v 5 କାରଣ ଆମ୍ଭେ ସେମାନଙ୍କର ଅଧର୍ମର ବର୍ଷ ତୁମ୍ଭ ପ୍ରତି କେତେକ ସଂଖ୍ୟକ ଦିନ, ଅର୍ଥାତ୍‍, ତିନି ଶହ ନବେ ଦିନ ହେବା ପାଇଁ ନିରୂପଣ କରିଅଛୁ; ଏହି ପ୍ରକାରେ ତୁମ୍ଭେ ଇସ୍ରାଏଲ ବଂଶର ଅଧର୍ମ ବହିବ ।
\s5
\v 6 ପୁନର୍ବାର ତୁମ୍ଭେ ସେହି ସକଳ ଦିନ ସମାପ୍ତ କଲା ଉତ୍ତାରେ ଆପଣା ଡାହାଣ ପାର୍ଶ୍ୱରେ ଶୟନ କରି ଯିହୂଦା ବଂଶର ଅଧର୍ମ ବହିବ; ଚାଳିଶ ବର୍ଷର ଏକ ଏକ ବର୍ଷକୁ ଆମ୍ଭେ ତୁମ୍ଭ ପାଇଁ ଏକ ଏକ ଦିନ କରି ନିରୂପଣ କରିଅଛୁ ।
\v 7 ଆଉ, ତୁମ୍ଭେ ଆପଣା ବାହୁ ଅନାବୃତ କରି ଯିରୂଶାଲମର ସୈନ୍ୟବେଷ୍ଟନ ପ୍ରତି ମୁଖ ରଖିବ ଓ ତହିଁ ବିରୁଦ୍ଧରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରିବ ।
\v 8 ପୁଣି, ଦେଖ, ଆମ୍ଭେ ତୁମ୍ଭକୁ ରଜ୍ଜୁରେ ବାନ୍ଧୁଅଛୁ, ଏଣୁ ତୁମ୍ଭେ ତୁମ୍ଭର ଅବରୋଧର ଦିନ ସମାପ୍ତ ନ କରିବା ପର୍ଯ୍ୟନ୍ତ ଏପାର୍ଶ୍ୱରୁ ସେପାର୍ଶ୍ୱକୁ ଲେଉଟିବ ନାହିଁ ।
\s5
\v 9 ଆହୁରି, ତୁମ୍ଭେ ଆପଣା ପାଇଁ ଗହମ, ଯବ, ଶିମ, ମସୁର, କାଙ୍ଗୁ ଓ ଜନରା ନେଇ ଗୋଟିଏ ପାତ୍ରରେ ରଖି ତହିଁରୁ ରୁଟି ପ୍ରସ୍ତୁତ କର; ତୁମ୍ଭେ ଯେଉଁ ତିନି ଶହ ନବେ ଦିନ ଆପଣା ପାର୍ଶ୍ୱରେ ଶୟନ କରିବ, ସେହି ଦିନର ସଂଖ୍ୟାନୁସାରେ ତାହା ଭୋଜନ କରିବ ।
\v 10 ପୁଣି, ତୁମ୍ଭେ ଯେଉଁ ଖାଦ୍ୟ ଭୋଜନ କରିବ, ତାହା ପରିମାଣରେ ଏକ ଏକ ଦିନକୁ କୋଡ଼ିଏ ତୋଳା ଲେଖାଏଁ ହେବ; ତୁମ୍ଭେ ସମୟକୁ ସମୟ ତାହା ଭୋଜନ କରିବ ।
\v 11 ଆଉ, ତୁମ୍ଭେ ପରିମାଣ ଅନୁସାରେ ଏକ ହୀନ୍‍ର ଷଷ୍ଠାଂଶ ଜଳ ପାନ କରିବ; ତୁମ୍ଭେ ସମୟକୁ ସମୟ ତାହା ପାନ କରିବ ।
\s5
\v 12 ପୁଣି, ତୁମ୍ଭେ ସେହି ଖାଦ୍ୟଦ୍ରବ୍ୟ ଯବ ପିଷ୍ଟକ ପରି ଭୋଜନ କରିବ ଓ ସେମାନଙ୍କ ସାକ୍ଷାତରେ ମନୁଷ୍ୟର ବିଷ୍ଠା ଦ୍ୱାରା ତାହା ପାକ କରିବ !
\v 13 ପୁଣି, ସଦାପ୍ରଭୁ କହିଲେ, "ଆମ୍ଭେ ଇସ୍ରାଏଲର ସନ୍ତାନଗଣକୁ ଯେଉଁ ଗୋଷ୍ଠୀୟମାନଙ୍କ ମଧ୍ୟକୁ ତଡ଼ି ଦେବା, ସେମାନଙ୍କ ମଧ୍ୟରେ ସେମାନେ ଏହି ପ୍ରକାରେ ଆପଣା ଆପଣା ଅଶୁଚି ରୁଟି ଖାଇବେ ।"
\s5
\v 14 ସେତେବେଳେ ମୁଁ କହିଲି, "ଆହା, ପ୍ରଭୁ, ସଦାପ୍ରଭୁ ! ଦେଖ, ମୋର ପ୍ରାଣ ଅଶୁଚି ହୋଇ ନାହିଁ, ମୁଁ ବାଲ୍ୟକାଳରୁ ଆଜି ପର୍ଯ୍ୟନ୍ତ ସ୍ୱୟଂମୃତ କିଅବା ପଶୁ ଦ୍ୱାରା ବିଦୀର୍ଣ୍ଣ କିଛି ହିଁ ଭୋଜନ କରି ନାହିଁ; ଅଥବା ଘୃଣାଯୋଗ୍ୟ ମାଂସ ମୋ' ମୁଖରେ ପ୍ରବେଶ କରି ନାହିଁ !"
\v 15 ତହିଁରେ ସେ ମୋତେ କହିଲେ, "ଦେଖ, ଆମ୍ଭେ ମନୁଷ୍ୟର ବିଷ୍ଠା ବଦଳେ ଗୋମୟ ତୁମ୍ଭକୁ ଦେଲୁ, ଆଉ ତୁମ୍ଭେ ତହିଁ ଉପରେ ଆପଣା ରୁଟି ପାକ କରିବ ।"
\s5
\v 16 ଆହୁରି, ସେ ମୋତେ କହିଲେ, "ହେ ମନୁଷ୍ୟ ସନ୍ତାନ, ଦେଖ, ଆମ୍ଭେ ଯିରୂଶାଲମରେ ଅନ୍ନରୂପ ଯଷ୍ଟି ଭାଙ୍ଗିବା, ତହିଁରେ ଲୋକମାନେ ସୀମିତ ପରିମାଣ ଅନ୍ନ ଯତ୍ନ ସହ ଭୋଜନ କରିବେ ଓ ସୀମିତ ପରିମାଣ ଜଳ ଭୟରେ ପାନ କରିବେ;
\v 17 ତହିଁରେ ଅନ୍ନ ଓ ଜଳର ଅଭାବରେ ସେମାନେ ପରସ୍ପର ପ୍ରତି ବିସ୍ମୟାପନ୍ନ ହୋଇ ଆପଣା ଆପଣା ଅଧର୍ମରେ କ୍ଷୀଣ ହେବେ ।"
\s5
\c 5
\s ଯିରୂଶାଲମର ବିନାଶ
\p
\v 1 "ପୁଣି, ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଏକ ତୀକ୍ଷ୍‍ଣ ଖଡ଼୍‍ଗ, ବାରିକର କ୍ଷୁର ପରି ନେଇ ଆପଣା ମସ୍ତକ ଓ ଦାଢ଼ି ଉପରେ ଚଳାଇବ; ତହୁଁ ନିକିତି ନେଇ ସେହି କେଶ ତୌଲି ଭାଗ ଭାଗ କରିବ ।
\v 2 ତହିଁର ତୃତୀୟାଂଶ ନେଇ ଅବରୋଧ କାଳ ସମାପ୍ତ ହେଲେ ନଗରର ମଧ୍ୟସ୍ଥାନରେ ଅଗ୍ନିରେ ଦଗ୍ଧ କରିବ; ପୁଣି, ତୃତୀୟାଂଶ ନେଇ ତହିଁର ଚତୁର୍ଦ୍ଦିଗରେ ଖଡ଼୍ଗରେ କାଟିବ; ଆଉ, ତୃତୀୟାଂଶ ନେଇ ବାୟୁରେ ଉଡ଼ାଇ ଦେବ ଓ ଆମ୍ଭେ ତହିଁର ପଛେ ପଛେ ଖଡ଼୍‍ଗ ନିଷ୍କୋଷ କରିବା ।
\s5
\v 3 ପୁଣି, ତୁମ୍ଭେ ଅଳ୍ପସଂଖ୍ୟକ କେଶ ନେଇ ଆପଣା ବସ୍ତ୍ରର ଅଞ୍ଚଳରେ ବାନ୍ଧିବ
\v 4 ଓ ତହିଁ ମଧ୍ୟରୁ ହିଁ କିଛି ନେଇ ଅଗ୍ନି ମଧ୍ୟରେ ପକାଇ ଦଗ୍‍ଧ କରିବ, ତହିଁରୁ ଅଗ୍ନି ନିର୍ଗତ ହୋଇ ଇସ୍ରାଏଲ ବଂଶ ମଧ୍ୟକୁ ଆସିବ ।"
\s5
\v 5 ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି: "ଏ ଯିରୂଶାଲମ; ଆମ୍ଭେ ଏହାକୁ ଗୋଷ୍ଠୀଗଣ ମଧ୍ୟରେ ସ୍ଥାପନ କରିଅଛୁ ଓ ତାହାର ଚତୁର୍ଦ୍ଦିଗରେ ନାନା ଦେଶ ଅଛି ।
\v 6 ଆଉ, ସେ ଦୁଷ୍ଟତା କରି ସେହି ଗୋଷ୍ଠୀଗଣ ଅପେକ୍ଷା ଆମ୍ଭ ଶାସନାବଳି ବିରୁଦ୍ଧରେ ଓ ତାହାର ଚତୁର୍ଦ୍ଦିଗସ୍ଥିତ ଦେଶସମୂହର ଅପେକ୍ଷା ଆମ୍ଭ ବିଧିସକଳର ବିରୁଦ୍ଧରେ ବିଦ୍ରୋହାଚରଣ କରିଅଛି; କାରଣ ସେମାନେ ଆମ୍ଭର ଶାସନାବଳି ଅଗ୍ରାହ୍ୟ କରିଅଛନ୍ତି ଓ ଆମ୍ଭର ବିଧିରୂପ ପଥରେ ଗମନ କରି ନାହାନ୍ତି !"
\s5
\v 7 ଏହେତୁ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; "ତୁମ୍ଭେମାନେ ଆପଣା ଚତୁର୍ଦ୍ଦିଗସ୍ଥିତ ଗୋଷ୍ଠୀଗଣ ଅପେକ୍ଷା ଅଧିକ ଗଣ୍ଡଗୋଳକାରୀ ଅଟ ଓ ଆମ୍ଭ ବିଧିରୂପ ପଥରେ ଗମନ କରି ନାହଁ, କିଅବା ଆମ୍ଭର ଶାସନସକଳ ପାଳନ କରି ନାହଁ, ଅଥବା ଆପଣା ଚତୁର୍ଦ୍ଦିଗସ୍ଥିତ ଗୋଷ୍ଠୀଗଣର ବିଧାନାନୁସାରେ କର୍ମ କରି ନାହଁ"
\v 8 ଏଥିପାଇଁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, "ଦେଖ, ଆମ୍ଭେ, ଆମ୍ଭେ ହିଁ ତୁମ୍ଭର ବିପକ୍ଷ ଅଟୁ ଓ ଆମ୍ଭେ ଗୋଷ୍ଠୀଗଣର ସାକ୍ଷାତରେ ତୁମ୍ଭ ମଧ୍ୟରେ ବିଚାର ସାଧନ କରିବା ।
\s5
\v 9 ପୁଣି, ଯାହା ଆମ୍ଭେ କରି ନାହୁଁ ଓ ଯହିଁର ତୁଲ୍ୟ ଆଉ ଆମ୍ଭେ କରିବା ନାହିଁ, ଏପରି କର୍ମ, ତୁମ୍ଭମାନଙ୍କର ଘୃଣାଯୋଗ୍ୟ ସକଳ କ୍ରିୟା ସକାଶୁ ଆମ୍ଭେ ତୁମ୍ଭମାନଙ୍କ ମଧ୍ୟରେ କରିବା ।"
\v 10 ଏଥିପାଇଁ ତୁମ୍ଭମାନଙ୍କ ମଧ୍ୟରେ ପିତୃଗଣ ସନ୍ତାନଗଣକୁ ଭୋଜନ କରିବେ ଓ ସନ୍ତାନମାନେ ଆପଣା ଆପଣା ପିତାକୁ ଭୋଜନ କରିବେ; ପୁଣି, ଆମ୍ଭେ ତୁମ୍ଭ ମଧ୍ୟରେ ବିଚାର ସାଧନ କରିବା ଓ ତୁମ୍ଭର ସମଗ୍ର ଅବଶିଷ୍ଟାଂଶକୁ ଚତୁର୍ଦ୍ଦିଗରେ ଛିନ୍ନଭିନ୍ନ କରିବା ।
\s5
\v 11 ଏହେତୁ ପ୍ରଭୁ, ସଦାପ୍ରଭୁ କହନ୍ତି, "ତୁମ୍ଭେ ଆପଣାର ତୁଚ୍ଛ ବସ୍ତୁସକଳ ଦ୍ୱାରା ଓ ଆପଣାର ସବୁ ଘୃଣାଯୋଗ୍ୟ କର୍ମ ଦ୍ୱାରା ଆମ୍ଭର ପବିତ୍ର ସ୍ଥାନ ଅଶୁଚି କରିଅଛ, ଏଥିପାଇଁ ଆମ୍ଭେ ଜୀବିତ ଥିବା ପ୍ରମାଣେ ଆମ୍ଭେ ହିଁ ତୁମ୍ଭକୁ ହ୍ରାସ କରିବା; ଆହୁରି, ଚକ୍ଷୁଲଜ୍ଜା କରିବା ନାହିଁ, ମଧ୍ୟ ଆମ୍ଭେ କିଛି ଦୟା କରିବା ନାହିଁ ।"
\v 12 ତୁମ୍ଭର ତୃତୀୟାଂଶ ମହାମାରୀରେ ମରିବେ, ଆଉ ଦୁର୍ଭିକ୍ଷ ଦ୍ୱାରା ତୁମ୍ଭ ମଧ୍ୟରେ ସେମାନେ କ୍ଷୟ ପାଇବେ; ପୁଣି, ତୃତୀୟାଂଶ ଖଡ଼୍‍ଗ ଦ୍ୱାରା ତୁମ୍ଭ ଚତୁର୍ଦ୍ଦିଗରେ ପତିତ ହେବେ; ଆଉ ତୃତୀୟାଂଶକୁ ଆମ୍ଭେ ଚତୁର୍ଦ୍ଦିଗରେ ଛିନ୍ନଭିନ୍ନ କରିବା ଓ ସେମାନଙ୍କର ପଶ୍ଚାତ ଖଡ଼୍‍ଗ ନିଷ୍କୋଷ କରିବା ।
\s5
\v 13 ଏହି ପ୍ରକାରେ ଆମ୍ଭର କ୍ରୋଧ ସଫଳ ହେବ ଓ ଆମ୍ଭେ ସେମାନଙ୍କ ଉପରେ ଆପଣା କୋପ ସାଧି ଶାନ୍ତ ହେବା; ତହିଁରେ ଆମ୍ଭେ ସେମାନଙ୍କ ଉପରେ ଆପଣା କୋପ ସଫଳ କଲା ଉତ୍ତାରେ ଆମ୍ଭେ ସଦାପ୍ରଭୁ, ଆପଣା ଅନ୍ତର୍ଜ୍ୱାଳାରେ ଯେ ଏ କଥା କହିଅଛୁ, ଏହା ସେମାନେ ଜାଣିବେ ।
\v 14 ଆହୁରି, ଆମ୍ଭେ ତୁମ୍ଭର ଚତୁର୍ଦ୍ଦିଗସ୍ଥିତ ଗୋଷ୍ଠୀଗଣ ମଧ୍ୟରେ ତୁମ୍ଭକୁ ପଥିକମାନଙ୍କ ଦୃଷ୍ଟିରେ ଉତ୍ସନ୍ନ-ସ୍ଥାନ ଓ ନିନ୍ଦାର ପାତ୍ର କରିବା ।
\s5
\v 15 ଏହିରୂପେ ଯେତେବେଳେ ଆମ୍ଭେ କ୍ରୋଧରେ, କୋପରେ ଓ କୋପଯୁକ୍ତ ଭର୍ତ୍ସନାରେ ତୁମ୍ଭ ମଧ୍ୟରେ ବିଚାର ସାଧନ କରିବା, ସେତେବେଳେ ତୁମ୍ଭ ଚତୁର୍ଦ୍ଦିଗସ୍ଥିତ ଗୋଷ୍ଠୀଗଣ ନିକଟରେ ତାହା ନିନ୍ଦାର, ଉପହାସର, ଶିକ୍ଷାର ଓ ଆଶ୍ଚର୍ଯ୍ୟର ବିଷୟ ହେବ; ଆମ୍ଭେ ସଦାପ୍ରଭୁ ଏହା କହିଅଛୁ;
\v 16 "ଆମ୍ଭେ ସେଠାସ୍ଥିତ ଲୋକମାନଙ୍କ ପ୍ରତି ବିନାଶାର୍ଥକ ଦୁର୍ଭିକ୍ଷରୂପ କ୍ରୂର ତୀରଗୁଡିକ ପଠାଇବା, ତୁମ୍ଭମାନଙ୍କୁ ବିନାଶ କରିବା ପାଇଁ ତାହା ପଠାଇବା ଓ ଆମ୍ଭେ ତୁମ୍ଭମାନଙ୍କ ଉପରେ ଦୁର୍ଭିକ୍ଷ ବୃଦ୍ଧି କରିବା ଓ ତୁମ୍ଭମାନଙ୍କର ଅନ୍ନରୂପ ଯଷ୍ଟି ଭାଙ୍ଗି ପକାଇବା;
\v 17 ଆଉ, ଆମ୍ଭେ ତୁମ୍ଭମାନଙ୍କ ବିରୁଦ୍ଧରେ ଦୁର୍ଭିକ୍ଷ ଓ ହିଂସ୍ରକ ଜନ୍ତୁମାନଙ୍କୁ ପଠାଇବା, ସେମାନେ ତୁମ୍ଭମାନଙ୍କୁ ନିଃସନ୍ତାନ କରିବେ; ମହାମାରୀ ଓ ରକ୍ତ ତୁମ୍ଭମାନଙ୍କର ମଧ୍ୟ ଦେଇ ଯିବ; ପୁଣି, ଆମ୍ଭେ ତୁମ୍ଭମାନଙ୍କ ବିରୁଦ୍ଧରେ ଖଡ଼୍‍ଗ ଆଣିବା; ଆମ୍ଭେ ସଦାପ୍ରଭୁ ଏହି କଥା କହିଅଛୁ ।"
\s5
\c 6
\s ପ୍ରତିମା ପୂଜାର ବିଚାର
\p
\v 1 ଏଥିଉତ୍ତାରେ ସଦାପ୍ରଭୁଙ୍କର ଏହି ବାକ୍ୟ ମୋ' ନିକଟରେ ଉପସ୍ଥିତ ହେଲା ଏବଂ ସେ କହିଲେ,
\v 2 "ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଇସ୍ରାଏଲର ପର୍ବତଗଣ ପ୍ରତି ଆପଣା ମୁଖ କରି ସେମାନଙ୍କ ପ୍ରତି ଭବିଷ୍ୟଦ୍‍-ବାକ୍ୟ ପ୍ରଚାର କର,
\v 3 ଆଉ, କୁହ, ହେ ଇସ୍ରାଏଲର ପର୍ବତଗଣ ତୁମ୍ଭେମାନେ ପ୍ରଭୁ, ସଦାପ୍ରଭୁଙ୍କର ବାକ୍ୟ ଶୁଣ; ପ୍ରଭୁ, ସଦାପ୍ରଭୁ ପର୍ବତଗଣକୁ ଓ ଉପପର୍ବତଗଣକୁ, ଜଳପ୍ରଣାଳୀ ଓ ଉପତ୍ୟକା ସମୂହକୁ ଏହି କଥା କହନ୍ତି; ଦେଖ, ଆମ୍ଭେ, ଆମ୍ଭେ ହିଁ ତୁମ୍ଭମାନଙ୍କ ବିରୁଦ୍ଧରେ ଏକ ଖଡ଼୍‍ଗ ଆଣିବା ଓ ଆମ୍ଭେ ତୁମ୍ଭମାନଙ୍କର ଉଚ୍ଚସ୍ଥଳୀସକଳ ବିନଷ୍ଟ କରିବା ।
\s5
\v 4 ପୁଣି, ତୁମ୍ଭମାନଙ୍କର ଯଜ୍ଞବେଦିମାନ ଧ୍ୱଂସ ଓ ତୁମ୍ଭମାନଙ୍କ ସୂର୍ଯ୍ୟ-ପ୍ରତିମାଗଣ ଭଗ୍ନ ହେବେ ଓ ଆମ୍ଭେ ତୁମ୍ଭମାନଙ୍କର ହତ ଲୋକମାନଙ୍କୁ ତୁମ୍ଭମାନଙ୍କ ଦେବତାଗଣର ସମ୍ମୁଖରେ ପକାଇ ଦେବା ।
\v 5 ଆଉ, ଆମ୍ଭେ ଇସ୍ରାଏଲ ସନ୍ତାନଗଣର ଶବ ସେମାନଙ୍କ ପ୍ରତିମାଗଣର ସମ୍ମୁଖରେ ରଖିବା ଓ ତୁମ୍ଭମାନଙ୍କର ଅସ୍ଥି ସବୁ ଆମ୍ଭେ ତୁମ୍ଭମାନଙ୍କ ଯଜ୍ଞବେଦିମାନର ଚାରିଆଡ଼େ ବିଞ୍ଚି ଦେବା ।
\s5
\v 6 ତୁମ୍ଭମାନଙ୍କର ଯାବତୀୟ ବସତି ସ୍ଥାନର ନଗରସକଳ ଉତ୍ସନ୍ନ ହେବ ଓ ଉଚ୍ଚସ୍ଥଳୀସବୁ ଧ୍ୱଂସ ହେବ, ତହିଁରେ ତୁମ୍ଭମାନଙ୍କର ଯଜ୍ଞବେଦିସବୁ ଉତ୍ସନ୍ନ, ଧ୍ୱଂସ ହେବ ଓ ତୁମ୍ଭମାନଙ୍କର ଦେବତାଗଣ ଭଗ୍ନ ଓ ରହିତ ହେବେ ଓ ତୁମ୍ଭମାନଙ୍କର ସୂର୍ଯ୍ୟପ୍ରତିମାଗଣ ଉଚ୍ଛିନ୍ନ ହେବେ, ଆଉ ତୁମ୍ଭମାନଙ୍କର ହସ୍ତକୃତ କର୍ମସବୁ ଲୁପ୍ତ ହେବ ।
\v 7 ପୁଣି, ହତ ଲୋକମାନେ ତୁମ୍ଭମାନଙ୍କ ମଧ୍ୟରେ ପତିତ ହେବେ, ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ ।
\s5
\v 8 ତଥାପି ଆମ୍ଭେ ଏକ ଅବଶିଷ୍ଟାଂଶ ରଖିବା, ତୁମ୍ଭେମାନେ ନାନା ଦେଶରେ ଛିନ୍ନଭିନ୍ନ ହେବା ସମୟରେ ତୁମ୍ଭମାନଙ୍କର କେତେକ ଲୋକ ଗୋଷ୍ଠୀଗଣ ମଧ୍ୟରେ ଖଡ଼୍‍ଗରୁ ରକ୍ଷା ପାଇବେ ।
\v 9 ପୁଣି, ତୁମ୍ଭମାନଙ୍କର ସେହି ରକ୍ଷାପ୍ରାପ୍ତ ଲୋକମାନେ ଯେଉଁ ଯେଉଁ ଗୋଷ୍ଠୀୟମାନଙ୍କ ମଧ୍ୟକୁ ବନ୍ଦୀ ଅବସ୍ଥାରେ ନୀତ ହେବେ, ସେମାନଙ୍କ ମଧ୍ୟରେ ଥାଇ ଆମ୍ଭକୁ ସ୍ମରଣ କରିବେ, ଅର୍ଥାତ୍‍, ସେମାନଙ୍କର ଯେଉଁ ବ୍ୟଭିଚାରୀ ହୃଦୟ ଆମ୍ଭକୁ ତ୍ୟାଗ କରି ଯାଇଅଛି ଓ ସେମାନଙ୍କର ଯେଉଁ ଚକ୍ଷୁ ବ୍ୟଭିଚାରୀ ହୋଇ ଦେବତାଗଣର ପଶ୍ଚାତ ଗମନ କରେ, ତହିଁ ସକାଶୁ ଆମ୍ଭେ କିପରି ବିଦୀର୍ଣ୍ଣ ହୋଇଅଛୁ, ଏହା ସେମାନେ ସ୍ମରଣ କରିବେ; ଆଉ, ସେମାନେ ଆପଣା ଆପଣାର ସକଳ ଘୃଣାଯୋଗ୍ୟ ଆଚାର ବ୍ୟବହାର ଦ୍ୱାରା ଯେଉଁ ଦୁଷ୍କ୍ରିୟା କରିଅଛନ୍ତି, ତହିଁ ନିମନ୍ତେ ସେମାନେ ଆପଣାମାନଙ୍କ ଦୃଷ୍ଟିରେ ଆପଣାମାନଙ୍କୁ ଘୃଣା କରିବେ ।
\v 10 ତହିଁରେ ଆମ୍ଭେ ଯେ ସଦାପ୍ରଭୁ, ଏହା ସେମାନେ ଜାଣିବେ; ଆମ୍ଭେ ସେମାନଙ୍କ ପ୍ରତି ଏହି ଅମଙ୍ଗଳ ଘଟାଇବାର କଥା ବୃଥା କହି ନାହୁଁ ।
\s5
\v 11 ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେ କରାଘାତ,ପଦାଘାତ କର ଓ ଇସ୍ରାଏଲ ବଂଶର ସକଳ ଘୃଣାଯୋଗ୍ୟ ଦୁଷ୍କ୍ରିୟା ସକାଶୁ କୁହ, ହାୟ ହାୟ ! କାରଣ ସେମାନେ ଖଡ଼୍‍ଗରେ, ଦୁର୍ଭିକ୍ଷରେ ଓ ମହାମାରୀରେ ପତିତ ହେବେ ।
\v 12 ଯେଉଁ ଲୋକ ଦୂରରେ ଅଛି, ସେ ମହାମାରୀରେ ମରିବ; ଯେଉଁ ଲୋକ ନିକଟରେ ଅଛି, ସେ ଖଡ଼୍‍ଗ ଦ୍ୱାରା ପତିତ ହେବ; ଯେଉଁ ଲୋକ ଅବଶିଷ୍ଟ ରହେ ଓ ଅବରୁଦ୍ଧ ହୁଏ, ସେ ଦୁର୍ଭିକ୍ଷରେ ମରିବ; ଏହି ପ୍ରକାରେ ଆମ୍ଭେ ସେମାନଙ୍କ ଉପରେ ଆପଣା କୋପ ସମ୍ପନ୍ନ କରିବା ।
\s5
\v 13 ପୁଣି, ଯେତେବେଳେ ପ୍ରତ୍ୟେକ ଉଚ୍ଚ ପର୍ବତ ଉପରେ, ସକଳ ପର୍ବତ ଶୃଙ୍ଗରେ, ପ୍ରତ୍ୟେକ ହରିତ୍‍ବର୍ଣ୍ଣ ବୃକ୍ଷ ତଳେ ଓ ପ୍ରତ୍ୟେକ ନିବିଡ଼ ଅଲୋନ ବୃକ୍ଷ ତଳେ, ଯେଉଁ ଯେଉଁ ସ୍ଥାନରେ ସେମାନେ ଆପଣା ଆପଣାର ସକଳ ଦେବତା ଉଦ୍ଦେଶ୍ୟରେ ସୌରଭାର୍ଥକ ନୈବେଦ୍ୟ ଉତ୍ସର୍ଗ କଲେ, ସେହି ସକଳ ସ୍ଥାନରେ ସେମାନଙ୍କ ଯଜ୍ଞବେଦିର ଚତୁର୍ଦ୍ଦିଗରେ ଦେବତାଗଣର ମଧ୍ୟରେ ସେମାନଙ୍କ ହତ ଲୋକମାନେ ରହିବେ, ସେତେବେଳେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ ।
\v 14 ପୁଣି, ଆମ୍ଭେ ସେମାନଙ୍କ ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରିବା ଓ ପ୍ରାନ୍ତରଠାରୁ ଦିବ୍‍ଲା ପର୍ଯ୍ୟନ୍ତ ସେମାନଙ୍କର ସମୁଦାୟ ବସତି-ଦେଶକୁ ଧ୍ୱଂସ ଓ ଶୂନ୍ୟ କରିବା; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ ।"
\s5
\c 7
\s ସଦାପ୍ରଭୁଙ୍କ କ୍ରୋଧର ଦିନ
\p
\v 1 ଆହୁରି, ସଦାପ୍ରଭୁଙ୍କ ବାକ୍ୟ ମୋ' ନିକଟରେ ଉପସ୍ଥିତ ହେଲା, ଯଥା;
\v 2 ହେ ମନୁଷ୍ୟ ସନ୍ତାନ, ପ୍ରଭୁ, ସଦାପ୍ରଭୁ ଇସ୍ରାଏଲ ଦେଶ ପ୍ରତି କହନ୍ତି; ଅନ୍ତିମ କାଳ, ଦେଶର ଚାରି କୋଣରେ ଅନ୍ତିମ କାଳ ଉପସ୍ଥିତ ହୋଇଅଛି ।
\s5
\v 3 ଏବେ ତୁମ୍ଭର ଅନ୍ତିମ କାଳ ଉପସ୍ଥିତ, ଆମ୍ଭେ ତୁମ୍ଭ ବିରୁଦ୍ଧରେ ଆପଣା କ୍ରୋଧ ପ୍ରେରଣ କରିବା ଓ ତୁମ୍ଭର ଆଚରଣାନୁସାରେ ତୁମ୍ଭର ବିଚାର କରିବା ଓ ତୁମ୍ଭର ଘୃଣାଯୋଗ୍ୟ ସକଳ କର୍ମର ଫଳ ତୁମ୍ଭ ଉପରେ ବର୍ତ୍ତାଇବା ।
\v 4 ଆମ୍ଭେ ତୁମ୍ଭ ପ୍ରତି ଚକ୍ଷୁ ଲଜ୍ଜା କରିବା ନାହିଁ, କିଅବା ଆମ୍ଭେ ଦୟା କରିବା ନାହିଁ; ମାତ୍ର ତୁମ୍ଭ ଆଚରଣର ଫଳ ଆମ୍ଭେ ତୁମ୍ଭ ଉପରେ ବର୍ତ୍ତାଇବା ଓ ତୁମ୍ଭର ଘୃଣାଯୋଗ୍ୟ କ୍ରିୟାସବୁ ତୁମ୍ଭ ମଧ୍ୟରେ ରହିବ; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ ।
\s5
\v 5 ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ଅମଙ୍ଗଳ ହିଁ ଅମଙ୍ଗଳ; ଦେଖ, ତାହା ଆସୁଅଛି ।
\v 6 ଅନ୍ତିମ କାଳ ଉପସ୍ଥିତ, ସେହି ଅନ୍ତିମ କାଳ ଉପସ୍ଥିତ, ତାହା ତୁମ୍ଭ ବିରୁଦ୍ଧରେ ଜାଗି ଉଠୁଅଛି; ଦେଖ, ତାହା ଆସୁଅଛି ।
\v 7 ହେ ଦେଶନିବାସୀ ଲୋକ, ତୁମ୍ଭର ଶେଷ ବିଚାରାଜ୍ଞା ଉପସ୍ଥିତ, ସେହି ସମୟ ଉପସ୍ଥିତ, ସେହି ଦିନ ସନ୍ନିକଟ; ତାହା କୋଳାହଳର ଦିନ ଓ ପର୍ବତଗଣ ଉପରେ ଆନନ୍ଦ ଧ୍ୱନିର ଦିନ ନୁହେଁ ।
\s5
\v 8 ଏବେ ଆମ୍ଭେ ଅବିଳମ୍ବରେ ଆମ୍ଭର କୋପ ତୁମ୍ଭ ଉପରେ ଢାଳି ଦେବା ଓ ତୁମ୍ଭ ବିରୁଦ୍ଧରେ ଆପଣା କ୍ରୋଧ ସଫଳ କରିବା, ଆଉ ତୁମ୍ଭର ଆଚରଣାନୁସାରେ ତୁମ୍ଭର ବିଚାର କରିବା; ଆମ୍ଭେ ତୁମ୍ଭର ଘୃଣାଯୋଗ୍ୟ ସକଳ କ୍ରିୟାର ଫଳ ତୁମ୍ଭ ଉପରେ ବର୍ତ୍ତାଇବା ।
\v 9 ପୁଣି, ଆମ୍ଭେ ଚକ୍ଷୁଲଜ୍ଜା କରିବା ନାହିଁ; କିଅବା ଦୟା କରିବା ନାହିଁ; ଆମ୍ଭେ ତୁମ୍ଭର ଆଚରଣାନୁସାରେ ତୁମ୍ଭ ଉପରେ ଫଳ ବର୍ତ୍ତାଇବା ଓ ତୁମ୍ଭର ଘୃଣାଯୋଗ୍ୟ କ୍ରିୟାସକଳ ତୁମ୍ଭ ମଧ୍ୟରେ ରହିବ; ତହିଁରେ ଆମ୍ଭେ ସଦାପ୍ରଭୁ ଆଘାତ କରୁ, ଏହା ତୁମ୍ଭେମାନେ ଜାଣିବ ।
\s5
\v 10 ଦେଖ, ସେହି ଦିନ, ଦେଖ, ତାହା ଆସୁଅଛି; ତୁମ୍ଭର ଶେଷ ବିଚାରାଜ୍ଞା ନିର୍ଗତ ହେଲା; ଯଷ୍ଟି ପୁଷ୍ପିତ ହୋଇଅଛି, ଅହଙ୍କାର ଅଙ୍କୁରିତ ହୋଇଅଛି ।
\v 11 ଦୌରାତ୍ମ୍ୟ ବଢ଼ି ଉଠି ଦୁଷ୍ଟତାରୂପ ଯଷ୍ଟି ହୋଇଅଛି; ସେମାନଙ୍କର କେହି କିଅବା ସେମାନଙ୍କର ଲୋକାରଣ୍ୟ କିଅବା ସେମାନଙ୍କର ଧନ ରହିବ ନାହିଁ; ଅଥବା ସେମାନଙ୍କ ମଧ୍ୟରେ ଶ୍ରେଷ୍ଠତା ରହିବ ନାହିଁ ।
\s5
\v 12 ସମୟ ଉପସ୍ଥିତ ହେଲା, ଦିନ ନିକଟବର୍ତ୍ତୀ ହେଉଅଛି; କ୍ରୟକାରୀ ଆନନ୍ଦ ନ କରୁ ଓ ବିକ୍ରୟକାରୀ ଶୋକ ନ କରୁ; କାରଣ ସେହି ସ୍ଥାନର ସମସ୍ତ ଲୋକାରଣ୍ୟ ଉପରେ କୋପ ଉପସ୍ଥିତ ।
\v 13 ଯେହେତୁ ସେମାନେ ଜୀବିତ ଥିଲେ ହେଁ ବିକ୍ରୟକାରୀ ବିକ୍ରୀତ ଅଧିକାରକୁ ଫେରିଯିବ ନାହିଁ; କାରଣ ଏହି ଦର୍ଶନ ସେହି ସ୍ଥାନସ୍ଥ ସମୁଦାୟ ଲୋକାରଣ୍ୟ ବିଷୟକ ଅଟେ, କେହି ଫେରିଯିବେ ନାହିଁ; ପୁଣି, ଆପଣା ଜୀବନର ଅଧର୍ମରେ କେହି ଆପଣାକୁ ସବଳ କରିବେ ନାହିଁ ।
\s5
\v 14 ସେମାନେ ତୂରୀ ବଜାଇ ସବୁ ପ୍ରସ୍ତୁତ କରିଅଛନ୍ତି; ମାତ୍ର କେହି ଯୁଦ୍ଧକୁ ଯାଏ ନାହିଁ; କାରଣ ସେହି ସ୍ଥାନର ସମସ୍ତ ଲୋକାରଣ୍ୟ ଉପରେ ଆମ୍ଭର କୋପ ଅଛି ।
\s ଇସ୍ରାଏଲର ପାପର ଶାସ୍ତି
\p
\v 15 ବାହାରେ ଖଡ଼୍‍ଗ, ଭିତରେ ମହାମାରୀ ଓ ଦୁର୍ଭିକ୍ଷ ଅଛି; ଯେଉଁ ଲୋକ କ୍ଷେତ୍ରରେ ଅଛି, ସେ ଖଡ଼୍‍ଗରେ ମରିବ ଓ ଯେ ନଗର ମଧ୍ୟରେ ଅଛି, ଦୁର୍ଭିକ୍ଷ ଓ ମହାମାରୀ ତାକୁ ଗ୍ରାସ କରିବ ।
\v 16 ମାତ୍ର ସେମାନଙ୍କ ମଧ୍ୟରୁ ଯେଉଁମାନେ ପଳାନ୍ତି, ସେମାନେ ରକ୍ଷା ପାଇବେ ଓ ଉପତ୍ୟକାର ଘୁଘୁ ପରି ପର୍ବତରେ ସମସ୍ତେ ବିଳାପ କରିବେ, ପ୍ରତ୍ୟେକେ ଆପଣା ଆପଣା ଅଧର୍ମ ହେତୁ ବିଳାପ କରିବେ ।
\s5
\v 17 ସମସ୍ତଙ୍କର ହସ୍ତ ଦୁର୍ବଳ ହେବ, ସମସ୍ତଙ୍କର ଆଣ୍ଠୁ ଜଳ ପରି ତରଳ ହେବ ।
\v 18 ମଧ୍ୟ ସେମାନେ କଟୀଦେଶରେ ଚଟବସ୍ତ୍ର ବାନ୍ଧିବେ ଓ ମହାଶଙ୍କା ସେମାନଙ୍କୁ ଆଚ୍ଛନ୍ନ କରିବ; ଆଉ, ସମସ୍ତଙ୍କ ମୁଖ ଲଜ୍ଜିତ ହେବ ଓ ସମସ୍ତଙ୍କର ମସ୍ତକ ଟାଙ୍ଗରା ହେବ ।
\v 19 ସେମାନେ ଆପଣା ଆପଣା ରୂପା ଦାଣ୍ଡରେ ପକାଇ ଦେବେ ଓ ସେମାନଙ୍କର ସୁନା ଅଶୁଚି ବସ୍ତୁ ତୁଲ୍ୟ ହେବ; ସଦାପ୍ରଭୁଙ୍କ କୋପର ଦିନରେ ସେମାନଙ୍କର ରୂପା ଓ ସୁନା ସେମାନଙ୍କୁ ରକ୍ଷା କରି ପାରିବ ନାହିଁ; ତାହା ସେମାନଙ୍କ ପ୍ରାଣକୁ ତୃପ୍ତ କିଅବା ଉଦର ପୂର୍ଣ୍ଣ କରିବ ନାହିଁ; କାରଣ ତାହା ହିଁ ସେମାନଙ୍କର ଅଧର୍ମଜନକ ବିଘ୍ନ ହୋଇଅଛି ।
\s5
\v 20 ସେ ଆପଣାର ଶୋଭାରୂପ ଅଳଙ୍କାର ମହତ୍ତ୍ୱରେ ସ୍ଥାପନ କଲେ; ମାତ୍ର ସେମାନେ ତହିଁ ମଧ୍ୟରେ ଆପଣାମାନଙ୍କର ଅଶୁଚି ଓ ଘୃଣାଯୋଗ୍ୟ ପ୍ରତିମାଗଣ ନିର୍ମାଣ କଲେ; ଏହେତୁ ଆମ୍ଭେ ତାହା ସେମାନଙ୍କ ପ୍ରତି ଅଶୁଚି ବସ୍ତୁ ସ୍ୱରୂପ କରିଅଛୁ ।
\v 21 ପୁଣି, ଆମ୍ଭେ ତାହା ମୃଗୟା ସ୍ୱରୂପେ ବିଦେଶୀମାନଙ୍କର ଓ ଲୁଟିତ ଦ୍ରବ୍ୟ ସ୍ୱରୂପେ ପୃଥିବୀର ଦୁଷ୍ଟମାନଙ୍କ ହସ୍ତରେ ସମର୍ପଣ କରିବା; ତହିଁରେ ସେମାନେ ତାହା ଅପବିତ୍ର କରିବେ ।
\v 22 ଆହୁରି, ଆମ୍ଭେ ସେମାନଙ୍କଠାରୁ ଆପଣା ମୁଖ ଫେରାଇବା, ତହିଁରେ ସେମାନେ ଆମ୍ଭର ନିଭୃତ ସ୍ଥାନ ଅପବିତ୍ର କରିବେ; ଆଉ, ଡକାୟତମାନେ ତହିଁ ମଧ୍ୟରେ ପ୍ରବେଶ କରି ତାହା ଅପବିତ୍ର କରିବେ ।
\s5
\v 23 ଶିକୁଳି ପ୍ରସ୍ତୁତ କର; କାରଣ ରକ୍ତପାତରୂପ ଅପରାଧରେ ଦେଶ ପରିପୂର୍ଣ୍ଣ ଓ ଦୌରାତ୍ମ୍ୟରେ ନଗର ପରିପୂର୍ଣ୍ଣ ଅଟେ ।
\v 24 ଏଥିପାଇଁ ଆମ୍ଭେ ଅନ୍ୟ ଦେଶୀୟମାନଙ୍କ ମଧ୍ୟରୁ ଦୁଷ୍ଟତମ ଲୋକଙ୍କୁ ଆଣିବା, ତହିଁରେ ସେମାନେ ଏମାନଙ୍କର ଗୃହସବୁ ଅଧିକାର କରିବେ; ମଧ୍ୟ ଆମ୍ଭେ ବଳବାନମାନଙ୍କର ଦର୍ପ ଚୂର୍ଣ୍ଣ କରିବା; ତହିଁରେ ସେମାନଙ୍କର ପବିତ୍ର ସ୍ଥାନସବୁ ଅପବିତ୍ର ହେବ ।
\v 25 ବିନାଶ ଆସୁଅଛି; ସେମାନେ ଶାନ୍ତି ଅନ୍ଵେଷଣ କରିବେ; ପୁଣି, କିଛି ପାଇବେ ନାହିଁ ।
\s5
\v 26 ବିପଦ ଉପରେ ବିପଦ ଘଟିବ ଓ ଜନରବ ଉପରେ ଜନରବ ହେବ; ତହିଁରେ ସେମାନେ ଭବିଷ୍ୟଦ୍‍-ବକ୍ତାର ନିକଟରେ ଦର୍ଶନର ଚେଷ୍ଟା କରିବେ; ମାତ୍ର ଯାଜକର ବ୍ୟବସ୍ଥା-ଜ୍ଞାନ ଓ ପ୍ରାଚୀନ ଲୋକମାନଙ୍କର ପରାମର୍ଶ ଲୋପ ପାଇବ ।
\v 27 ରାଜା ଶୋକ କରିବ ଓ ଅଧିପତି ଉତ୍ସନ୍ନତାରୂପ ବସ୍ତ୍ରରେ ପରିହିତ ହେବ ଓ ଦେଶସ୍ଥ ଲୋକମାନଙ୍କର ହସ୍ତ କମ୍ପିତ ହେବ; ଆମ୍ଭେ ସେମାନଙ୍କର ଆଚରଣାନୁସାରେ ସେମାନଙ୍କ ପ୍ରତି ବ୍ୟବହାର କରିବା ଓ ସେମାନଙ୍କର ଯୋଗ୍ୟତାନୁସାରେ ସେମାନଙ୍କର ବିଚାର କରିବା, ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ ।
\s5
\c 8
\s ମନ୍ଦିରରେ ଘୃଣାଯୋଗ୍ୟ କାର୍ଯ୍ୟ
\p
\v 1 ଏଥିଉତ୍ତାରେ ଷଷ୍ଠ ବର୍ଷର ଷଷ୍ଠ ମାସର ପଞ୍ଚମ ଦିନରେ ମୁଁ ଆପଣା ଗୃହରେ ବସିଥିଲି ଓ ଯିହୂଦାର ପ୍ରାଚୀନମାନେ ମୋ' ସମ୍ମୁଖରେ ବସିଥିଲେ, ଏପରି ସମୟରେ ପ୍ରଭୁ, ସଦାପ୍ରଭୁଙ୍କର ହସ୍ତ ମୋ' ଉପରେ ଅଧିଷ୍ଠିତ ହେଲା ।
\v 2 ତହିଁରେ ମୁଁ ଦେଖିଲି, ଆଉ ଦେଖ, ଅଗ୍ନିର ଆଭା ତୁଲ୍ୟ ଏକ ମୂର୍ତ୍ତି; ତାହାଙ୍କ କଟିଠାରୁ ତଳ ପର୍ଯ୍ୟନ୍ତ ଅଗ୍ନିମୟ ଓ ତାହାଙ୍କ କଟିଠାରୁ ଉପର ପର୍ଯ୍ୟନ୍ତ ଉତ୍ତପ୍ତ ଧାତୁ ତୁଲ୍ୟ ଜ୍ୟୋତିର୍ମୟ ଆକୃତି ।
\s5
\v 3 ପୁଣି, ସେ ଏକ ହସ୍ତର ଆକୃତି ବିସ୍ତାର କରି ମୋ' ମସ୍ତକର କେଶ ଧରିଲେ; ତହିଁରେ ପରମେଶ୍ୱରଙ୍କ ଆତ୍ମା ମୋତେ ପୃଥିବୀ ଓ ଆକାଶର ମଧ୍ୟବର୍ତ୍ତୀ ସ୍ଥାନକୁ ଉଠାଇଲେ ଓ ଈଶ୍ୱରୀୟ ଦର୍ଶନକ୍ରମେ ଯିରୂଶାଲମକୁ, ଭିତର ପ୍ରାଙ୍ଗଣର ଉତ୍ତରାଭିମୁଖ ପ୍ରବେଶ-ସ୍ଥାନର ଦ୍ୱାର ନିକଟକୁ ମୋତେ ଆଣିଲେ; ସେହି ସ୍ଥାନରେ ଅନ୍ତର୍ଜ୍ୱାଳାଜନକ ଅନ୍ତର୍ଜ୍ୱାଳା ପ୍ରତିମା ସ୍ଥାପିତ ଥିଲା ।
\v 4 ଆଉ ଦେଖ, ପଦା-ଭୂମିରେ ମୁଁ ଦେଖିଥିବା ଦୃଶ୍ୟ ପ୍ରମାଣେ ସେହି ସ୍ଥାନରେ ଇସ୍ରାଏଲର ପରମେଶ୍ୱରଙ୍କର ପ୍ରତାପ ବିଦ୍ୟମାନ ଥିଲା ।
\s5
\v 5 ତହିଁରେ ସେ ମୋତେ କହିଲେ, "ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଏବେ ଚକ୍ଷୁ ଖୋଲି ଉତ୍ତର ଦିଗର ପଥ ପ୍ରତି ଅନାଅ ।" ତହୁଁ ମୁଁ ଚକ୍ଷୁ ଖୋଲି ଉତ୍ତର ଦିଗସ୍ଥ ପଥ ଆଡ଼େ ଅନାଇଲି, ଆଉ ଦେଖ, ଯଜ୍ଞବେଦିର ଉତ୍ତର ଦିଗସ୍ଥ ଦ୍ୱାରର ପ୍ରବେଶ ସ୍ଥାନରେ ସେହି ପ୍ରତିମା ଥିଲା, ଯାହା ପରମେଶ୍ୱରଙ୍କୁ କ୍ରୋଧ ଓ ଇର୍ଷାପରାୟଣ କରିଥିଲା ।
\v 6 ଆଉ, ସେ ମୋତେ କହିଲେ, "ହେ ମନୁଷ୍ୟ-ସନ୍ତାନ, ସେମାନେ ଯାହା କରୁଅଛନ୍ତି, ତାହା କି ତୁମ୍ଭେ ଦେଖୁଅଛ, ଆମ୍ଭେ ଯେପରି ଆପଣା ଧର୍ମଧାମରୁ ଦୂରକୁ ଯିବା, ଏଥିପାଇଁ ଇସ୍ରାଏଲ ବଂଶ ଏଠାରେ ମହା ମହା ଘୃଣାଯୋଗ୍ୟ କର୍ମ କରୁଅଛନ୍ତି । ମାତ୍ର ଏଥିଉତ୍ତାରେ ତୁମ୍ଭେ ପୁନର୍ବାର ଅନ୍ୟ ମହା ଘୃଣାଯୋଗ୍ୟ କର୍ମମାନ ଦେଖିବ ।"
\s5
\v 7 ପୁଣି, ସେ ମୋତେ ପ୍ରାଙ୍ଗଣର ଦ୍ୱାର ନିକଟକୁ ଆଣିଲେ; ତହିଁରେ ମୁଁ ଦୃଷ୍ଟି କରନ୍ତେ, ଦେଖ, କାନ୍ଥ ମଧ୍ୟରେ ଗୋଟିଏ ଛିଦ୍ର ଅଛି ।
\v 8 ତେବେ ସେ ମୋତେ କହିଲେ, "ହେ ମନୁଷ୍ୟ-ସନ୍ତାନ, ଏହି କାନ୍ଥ ଖୋଳ; ତହୁଁ ମୁଁ ସେହି କାନ୍ଥ ଖୋଳନ୍ତେ, ଦେଖ, ଗୋଟିଏ ଦ୍ୱାର ଅଛି ।"
\v 9 ଏଥିରେ ସେ ମୋତେ କହିଲେ, "ଭିତରକୁ ଯାଅ, ଆଉ, ଏଠାରେ ସେମାନେ ଯେଉଁ ଯେଉଁ ଦୁଷ୍ଟ ଘୃଣାଯୋଗ୍ୟ କର୍ମମାନ କରୁଅଛନ୍ତି, ତାହା ଦେଖ ।"
\s5
\v 10 ତହୁଁ ମୁଁ ଭିତରକୁ ଯାଇ ଦେଖିଲି; ଆଉ ଦେଖ, ଚତୁର୍ଦ୍ଦିଗସ୍ଥ କାନ୍ଥରେ ସର୍ବପ୍ରକାର ଉରୋଗାମୀ ଜନ୍ତୁର, ଘୃଣାଯୋଗ୍ୟ ପଶୁର ଓ ଇସ୍ରାଏଲ ବଂଶର ସକଳ ଦେବତାର ପ୍ରତିମୂର୍ତ୍ତି ଚିତ୍ରିତ ହୋଇଅଛି ।
\v 11 ପୁଣି, ସେହିସବୁର ସମ୍ମୁଖରେ ଇସ୍ରାଏଲ ବଂଶୀୟ ପ୍ରାଚୀନବର୍ଗର ସତୁରି ଜଣ ଠିଆ ହୋଇଅଛନ୍ତି ଓ ସେମାନଙ୍କର ମଧ୍ୟ-ସ୍ଥାନରେ ଶାଫନର ପୁତ୍ର ଯାସନୀୟ ଠିଆ ହୋଇଅଛି, ପ୍ରତ୍ୟେକ ଲୋକ ଆପଣା ଆପଣା ଧୂପାଚି ହସ୍ତରେ ଧରିଅଛନ୍ତି; ଆଉ, ଧୂପରୂପ ମେଘର ସୁଗନ୍ଧି ଊର୍ଦ୍ଧ୍ୱକୁ ଉଠୁଅଛି ।
\s5
\v 12 ତେବେ ସେ ମୋତେ କହିଲେ, "ହେ ମନୁଷ୍ୟ-ସନ୍ତାନ, ଇସ୍ରାଏଲ ବଂଶର ପ୍ରାଚୀନବର୍ଗ ପ୍ରତ୍ୟେକେ ଆପଣା ଆପଣା ପ୍ରତିମାଗୃହରେ ଅନ୍ଧକାରରେ ଯାହା କରୁଅଛନ୍ତି, ତାହା କି ତୁମ୍ଭେ ଦେଖିଲ ? କାରଣ ସେମାନେ କହନ୍ତି, ସଦାପ୍ରଭୁ ଆମ୍ଭମାନଙ୍କୁ ଦେଖନ୍ତି ନାହିଁ; ସଦାପ୍ରଭୁ ପୃଥିବୀକୁ ତ୍ୟାଗ କରିଅଛନ୍ତି ।"
\v 13 ସେ ଆହୁରି ମୋତେ କହିଲେ, "ଏଉତ୍ତାରେ ତୁମ୍ଭେ ପୁନର୍ବାର ସେମାନଙ୍କର କୃତ ମହା ଘୃଣାଯୋଗ୍ୟ କର୍ମମାନ ଦେଖିବ ।"
\s5
\v 14 ତହିଁରେ ସେ ସଦାପ୍ରଭୁଙ୍କ ଗୃହର ଉତ୍ତର ଦିଗସ୍ଥ ଦ୍ୱାରର ପ୍ରବେଶ-ସ୍ଥାନ ନିକଟକୁ ମୋତେ ଆଣିଲେ; ଆଉ ଦେଖ, ସ୍ତ୍ରୀମାନେ ସେଠାରେ ବସି ତମ୍ମୁଷର (ଦେବତା) ପାଇଁ କ୍ରନ୍ଦନ କରୁଅଛନ୍ତି ।
\v 15 ତେବେ ସେ ମୋତେ କହିଲେ, "ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ କି ଏହା ଦେଖିଲ ? ଏଉତ୍ତାରେ ତୁମ୍ଭେ ଏଥି ଅପେକ୍ଷା ପୁନର୍ବାର ମହା ଘୃଣାଯୋଗ୍ୟ କର୍ମମାନ ଦେଖିବ ।"
\s5
\v 16 ଏଥିଉତ୍ତାରେ ସେ ମୋତେ ସଦାପ୍ରଭୁଙ୍କ ଗୃହର ଭିତର ପ୍ରାଙ୍ଗଣ ମଧ୍ୟକୁ ଆଣିଲେ, ଆଉ ଦେଖ, ସଦାପ୍ରଭୁଙ୍କ ମନ୍ଦିରର ଦ୍ୱାର ନିକଟରେ, ବାରଣ୍ଡା ଓ ଯଜ୍ଞବେଦିର ମଧ୍ୟ-ସ୍ଥାନରେ ଊଣାଧିକ ପଚିଶ ଜଣ ପୁରୁଷ ସଦାପ୍ରଭୁଙ୍କ ମନ୍ଦିର ପ୍ରତି ପିଠି କରି ଓ ପୂର୍ବଦିଗ ପ୍ରତି ମୁଖ କରିଅଛନ୍ତି; ଆଉ, ସେମାନେ ପୂର୍ବଦିଗ ପ୍ରତି ସୂର୍ଯ୍ୟକୁ ପ୍ରଣାମ କଲେ ।
\s5
\v 17 ତହିଁରେ ସେ ମୋତେ କହିଲେ, "ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ କି ଏହା ଦେଖିଲ ? ଏହି ସ୍ଥାନରେ ଯିହୂଦା-ବଂଶ ଯେଉଁ ଘୃଣାଯୋଗ୍ୟ କର୍ମମାନ କରୁଅଛନ୍ତି, ତାହା କି ସେମାନଙ୍କ ପକ୍ଷୀରେ ଲଘୁ ବିଷୟ ? କାରଣ ସେମାନେ ଦେଶକୁ ଦୌରାତ୍ମ୍ୟରେ ପରିପୂର୍ଣ୍ଣ କରିଅଛନ୍ତି ଓ ଆମ୍ଭକୁ କ୍ରୋଧାନ୍ୱିତ କରିବା ପାଇଁ ପୁନର୍ବାର ଫେରିଅଛନ୍ତି; ଆଉ ଦେଖ, ସେମାନେ ଆପଣା ଆପଣା ନାସିକାଗ୍ରରେ ଶାଖା ରଖନ୍ତି ।
\v 18 ଏଥିପାଇଁ ଆମ୍ଭେ ମଧ୍ୟ କୋପରେ ବ୍ୟବହାର କରିବା; ଚକ୍ଷୁ ଲଜ୍ଜା କରିବା ନାହିଁ, କିଅବା ଦୟା କରିବା ନାହିଁ; ଆଉ, ଯଦ୍ୟପି ସେମାନେ ଆମ୍ଭ କର୍ଣ୍ଣଗୋଚରରେ ଉଚ୍ଚସ୍ୱରରେ ଡାକନ୍ତି, ତଥାପି ଆମ୍ଭେ ସେମାନଙ୍କ କଥା ଶୁଣିବା ନାହିଁ ।"
\s5
\c 9
\s ଦେବ ପୂଜକଙ୍କ ସଂହାର
\p
\v 1 ତେବେ ସେ ଉଚ୍ଚସ୍ୱରରେ ମୋ' କର୍ଣ୍ଣରେ ଏହି କଥା କହିଲେ, "ତୁମ୍ଭେମାନେ ନଗରରେ ନିଯୁକ୍ତ କର୍ମଚାରୀମାନଙ୍କୁ ନିକଟକୁ ଅଣାଅ, ପ୍ରତ୍ୟେକେ ଆପଣା ଆପଣା ହସ୍ତରେ ବିନାଶକ ଅସ୍ତ୍ର ଧରି ଆସନ୍ତୁ ।"
\v 2 ଏଥିରେ ଦେଖ, ଉତ୍ତର ଦିଗସ୍ଥ ଉଚ୍ଚତର ଦ୍ୱାରର ପଥରୁ ଛଅ ଜଣ ପୁରୁଷ ଆସିଲେ, ସେମାନଙ୍କର ପ୍ରତ୍ୟେକର ହସ୍ତରେ ସଂହାରକ ଅସ୍ତ୍ର ଥିଲା ଓ ସେମାନଙ୍କର ମଧ୍ୟସ୍ଥାନରେ ଶୁକ୍ଳବସ୍ତ୍ର ପରିହିତ ଏକ ପୁରୁଷ ଥିଲେ, ତାଙ୍କର ପାର୍ଶ୍ୱରେ ଲେଖକର କାଳୀଘଡ଼ି ଥିଲା । ପୁଣି, ସେମାନେ ଭିତରକୁ ଯାଇ ପିତ୍ତଳମୟ ଯଜ୍ଞବେଦିର ପାର୍ଶ୍ୱରେ ଠିଆ ହେଲେ ।
\s5
\v 3 ପୁଣି, ଇସ୍ରାଏଲର ପରମେଶ୍ୱରଙ୍କର ପ୍ରତାପ ଯେଉଁ କିରୂବର ଉପରେ ଥିଲା, ତାହା ତାହାଠାରୁ ଉଠି ଗୃହର ଏରୁଣ୍ଡି ନିକଟକୁ ଯାଇଥିଲା; ଆଉ, ସେ ସେହି ଶୁକ୍ଳବସ୍ତ୍ର ପରିହିତ ଓ ପାର୍ଶ୍ୱରେ ଲେଖକର କାଳୀଘଡ଼ିଧାରୀ ପୁରୁଷକୁ ଡାକିଲେ ।
\v 4 ପୁଣି, ସଦାପ୍ରଭୁ ତାହାକୁ କହିଲେ, "ତୁମ୍ଭେ ନଗରର ମଧ୍ୟ ଦେଇ, ଯିରୂଶାଲମର ମଧ୍ୟ ଦେଇ ଯାଅ ଓ ତହିଁ ମଧ୍ୟରେ କୃତ ସକଳ ଘୃଣାଯୋଗ୍ୟ କ୍ରିୟା ସକାଶୁ ଯେଉଁ ଲୋକମାନେ ଦୀର୍ଘ ନିଃଶ୍ୱାସ ଛାଡ଼ନ୍ତି ଓ କାତରୋକ୍ତି କରନ୍ତି, ସେମାନଙ୍କର କପାଳରେ ଚିହ୍ନ ଦିଅ ।"
\s5
\v 5 ଆଉ, ସେ ଅନ୍ୟମାନଙ୍କୁ ମୋର କର୍ଣ୍ଣଗୋଚରରେ କହିଲେ, "ତୁମ୍ଭେମାନେ ତାହାର ପଛେ ପଛେ ନଗର ମଧ୍ୟକୁ ଯାଇ ସଂହାର କର; ଚକ୍ଷୁଲଜ୍ଜା କି ଦୟା କର ନାହିଁ ।
\v 6 ବୃଦ୍ଧ, ଯୁବା, କୁମାରୀ, ଶିଶୁ ଓ ସ୍ତ୍ରୀଲୋକ ସମସ୍ତଙ୍କୁ ନିଃଶେଷ ରୂପେ ବଧ କର; ମାତ୍ର ଯେଉଁମାନଙ୍କଠାରେ ଚିହ୍ନ ଅଛି, ସେମାନଙ୍କ ନିକଟକୁ ଯାଅ ନାହିଁ; ଆଉ, ଆମ୍ଭର ଧର୍ମଧାମଠାରୁ ଆରମ୍ଭ କର ।" ତହିଁରେ ସେମାନେ ଗୃହର ସମ୍ମୁଖସ୍ଥିତ ପ୍ରାଚୀନଗଣଠାରୁ ଆରମ୍ଭ କଲେ ।
\s5
\v 7 ପୁଣି, ସେ ସେମାନଙ୍କୁ କହିଲେ, "ଗୃହ ଅଶୁଚି କର ଓ ହତ ଲୋକରେ ପ୍ରାଙ୍ଗଣସବୁ ପରିପୂର୍ଣ୍ଣ କର; ତୁମ୍ଭେମାନେ ବାହାରି ଯାଅ ।" ତହିଁରେ ସେମାନେ ବାହାରି ଯାଇ ନଗର ମଧ୍ୟରେ ସଂହାର କଲେ ।
\v 8 ଆଉ, ସେମାନେ ଯେତେବେଳେ ସଂହାର କରୁଥିଲେ, ସେତେବେଳେ ମୁଁ ଅବଶିଷ୍ଟ ରହିଲି, ତହିଁରେ ମୁଁ ଉବୁଡ଼ ହୋଇ କ୍ରନ୍ଦନ କରି କହିଲି, "ଆହା, ପ୍ରଭୁ, ସଦାପ୍ରଭୁ ! ତୁମ୍ଭେ କି ଯିରୂଶାଲମ ଉପରେ ଆପଣା କୋପ ଢାଳି ଦେଇ ଇସ୍ରାଏଲର ସମୁଦାୟ ଅବଶିଷ୍ଟାଂଶକୁ ବିନାଶ କରିବ ?"
\s5
\v 9 ତହିଁରେ ସେ ମୋତେ କହିଲେ, "ଇସ୍ରାଏଲ ଓ ଯିହୂଦା- ବଂଶର ଅଧର୍ମ ଅତ୍ୟନ୍ତ ବଡ଼ ଓ ଦେଶ ରକ୍ତରେ ପରିପୂର୍ଣ୍ଣ, ଆଉ ନଗର ଅନ୍ୟାୟ ବିଚାରରେ ପରିପୂର୍ଣ୍ଣ ହୋଇଅଛି; କାରଣ ସେମାନେ କହନ୍ତି, ସଦାପ୍ରଭୁ ପୃଥିବୀକୁ ତ୍ୟାଗ କରିଅଛନ୍ତି ଓ ସଦାପ୍ରଭୁ ଦେଖନ୍ତି ନାହିଁ ।
\v 10 ଏହେତୁ ଆମ୍ଭେ ମଧ୍ୟ ଚକ୍ଷୁଲଜ୍ଜା କରିବା ନାହିଁ, କିଅବା ଦୟା କରିବା ନାହିଁ, ମାତ୍ର ଆମ୍ଭେ ସେମାନଙ୍କ ଆଚରଣର ପ୍ରତିଫଳ ସେମାନଙ୍କ ମସ୍ତକରେ ବର୍ତ୍ତାଇବା ।"
\v 11 ଏଉତ୍ତାରେ ଦେଖ, ଶୁକ୍ଳବସ୍ତ୍ର ପରିହିତ ଓ ଆପଣା ପାର୍ଶ୍ୱରେ କାଳିଘଡ଼ିଧାରୀ ସେହି ପୁରୁଷ ସମ୍ବାଦ ଦେଇ କହିଲେ, "ଆପଣ ଆମ୍ଭକୁ ଯେପରି ଆଜ୍ଞା କଲେ, ଆମ୍ଭେ ସେହିପରି କରିଅଛୁ ।"
\s5
\c 10
\s ମନ୍ଦିର ସଦାପ୍ରଭୁଙ୍କ ପ୍ରତାପ ରହିତ
\p
\v 1 ସେତେବେଳେ ମୁଁ ଅନାଇଲି, ଆଉ ଦେଖ, କିରୂବମାନଙ୍କର ମସ୍ତକର ଉପରିସ୍ଥ ଶୂନ୍ୟମଣ୍ଡଳରେ ନୀଳକାନ୍ତମଣି ସଦୃଶ ଏକ ସିଂହାସନର ତୁଲ୍ୟ ଆକୃତି ସେମାନଙ୍କ ଉପରେ ଦେଖାଗଲା ।
\v 2 ପୁଣି, ସେ ସେହି ଶୁକ୍ଳବସ୍ତ୍ର ପରିହିତ ପୁରୁଷକୁ କହିଲେ, "ତୁମ୍ଭେ ସେହି ଘୂର୍ଣ୍ଣାୟମାନ ଚକ୍ରମାନର ମଧ୍ୟସ୍ଥାନକୁ, ଅର୍ଥାତ୍‍, କିରୂବର ତଳକୁ ଯାଇ, କିରୂବମାନର ମଧ୍ୟସ୍ଥାନରୁ ଏକ ଅଞ୍ଜଳିପୂର୍ଣ୍ଣ ଜ୍ୱଳନ୍ତ ଅଙ୍ଗାର ନେଇ ନଗର ଉପରେ ବିଞ୍ଚି ଦିଅ ।" ତହିଁରେ ସେ ବ୍ୟକ୍ତି ମୋ' ସାକ୍ଷାତରେ ଗଲେ ।
\s5
\v 3 ସେହି ପୁରୁଷ ଯିବା ସମୟରେ କିରୂବମାନେ ଗୃହର ଦକ୍ଷିଣ ପାର୍ଶ୍ୱରେ ଠିଆ ହୋଇଥିଲେ ଓ ମେଘ ଭିତର ପ୍ରାଙ୍ଗଣକୁ ପରିପୂର୍ଣ୍ଣ କଲା ।
\v 4 ପୁଣି, ସଦାପ୍ରଭୁଙ୍କର ପ୍ରତାପ କିରୂବର ଉପରରୁ ଉଠି ଗୃହର ଏରୁଣ୍ଡିର ଉପରେ ଠିଆ ହେଲା; ତହିଁରେ ଗୃହ ମେଘରେ ପରିପୂର୍ଣ୍ଣ ହେଲା ଓ ପ୍ରାଙ୍ଗଣ ସଦାପ୍ରଭୁଙ୍କ ପ୍ରତାପର ତେଜରେ ପରିପୂର୍ଣ୍ଣ ହେଲା ।
\v 5 ଆଉ, ସର୍ବଶକ୍ତିମାନ ପରମେଶ୍ୱରଙ୍କର କଥା କହିବା ସମୟର ରବ ତୁଲ୍ୟ କିରୂବମାନଙ୍କ ପକ୍ଷୀର ଶବ୍ଦ ବାହାର ପ୍ରାଙ୍ଗଣ ପର୍ଯ୍ୟନ୍ତ ଶୁଣାଗଲା ।
\s5
\v 6 ପୁଣି, ତୁମ୍ଭେ ଘୂର୍ଣ୍ଣାୟମାନ ଚକ୍ର ମଧ୍ୟରୁ, ଅର୍ଥାତ୍‍, କିରୂବଗଣର ମଧ୍ୟସ୍ଥାନରୁ ଅଗ୍ନି ନିଅ, ଏହି କଥା କହି ସେ ସେହି ଶୁକ୍ଳବସ୍ତ୍ର ପରିହିତ ପୁରୁଷକୁ ଆଜ୍ଞା କଲା ବେଳେ ସେହି ପୁରୁଷ ଯାଇ ଗୋଟିଏ ଚକ୍ର ପାର୍ଶ୍ୱରେ ଠିଆ ହେଲେ ।
\v 7 ତହିଁରେ ସେହି କିରୂବ, କିରୂବମାନଙ୍କ ମଧ୍ୟରୁ, କିରୂବମାନଙ୍କର ମଧ୍ୟସ୍ଥିତ ଅଗ୍ନିକୁ ଆପଣା ହସ୍ତ ବଢ଼ାଇ ତହିଁରୁ କିଛି ନେଇ ସେହି ଶୁକ୍ଳବସ୍ତ୍ର ପରିହିତ ପୁରୁଷଙ୍କ ହସ୍ତରେ ଦେଲେ ଓ ସେ ତାହା ନେଇ ବାହାରକୁ ଗଲେ ।
\v 8 ଆଉ, କିରୂବମାନଙ୍କ ମଧ୍ୟରେ ସେମାନଙ୍କ ପକ୍ଷ ତଳେ ମାନବ ହସ୍ତର ଏକ ଆକୃତି ଦେଖାଗଲା ।
\s5
\v 9 ପୁଣି, ମୁଁ ଅନାଇଲି, ଆଉ ଦେଖ, ଏକ କିରୂବର ପାର୍ଶ୍ୱରେ ଏକ ଚକ୍ର ଓ ଅନ୍ୟ କିରୂବର ପାର୍ଶ୍ୱରେ ଅନ୍ୟ ଚକ୍ର, ଏହିରୂପ କିରୂବମାନଙ୍କ ପାର୍ଶ୍ୱରେ ଚାରି ଚକ୍ର ଥିଲା; ଆଉ, ସେହି ଚକ୍ରମାନର ଆଭା ବୈଦୁର୍ଯ୍ୟ ମଣିର ଆଭା ତୁଲ୍ୟ ଥିଲା ।
\v 10 ସେମାନଙ୍କର ଆକୃତି ଏହି, ଚକ୍ର ମଧ୍ୟରେ ଚକ୍ର ଥିଲା ପରି ସେହି ଚାରିର ଏକ ଆକୃତି ଥିଲା ।
\v 11 ଗମନ କରିବା ବେଳେ ସେମାନେ ଆପଣାମାନଙ୍କର ଚାରି ପାର୍ଶ୍ୱରେ ଗମନ କଲେ; ଗମନ କଲା ବେଳେ ସେମାନେ ଫେରିଲେ ନାହିଁ, ମାତ୍ର ମସ୍ତକର ସମ୍ମୁଖ ସ୍ଥାନକୁ ତାହାର ପଶ୍ଚାତରେ ଗମନ କଲେ; ଗମନ କଲା ବେଳେ ସେମାନେ ଫେରିଲେ ନାହିଁ ।
\s5
\v 12 ପୁଣି, ସେମାନଙ୍କର ସମୁଦାୟ ଶରୀର, ସେମାନଙ୍କର ପୃଷ୍ଠ, ହସ୍ତ ଓ ପକ୍ଷ, ଆଉ ଚକ୍ରସବୁ, ଅର୍ଥାତ୍‍, ସେହି ଚାରି ଚକ୍ର ଚାରିଆଡ଼େ ଚକ୍ଷୁରେ ପୂର୍ଣ୍ଣ ଥିଲା ।
\v 13 ଆଉ, ମୋ' କର୍ଣ୍ଣଗୋଚରରେ ସେହି ଚକ୍ରମାନଙ୍କୁ ଘୂର୍ଣ୍ଣାୟମାନ ଚକ୍ର ବୋଲି କୁହାଗଲା ।
\v 14 ପୁଣି, ପ୍ରତ୍ୟେକର ଚାରି ମୁଖ ଥିଲା; ପ୍ରଥମ ମୁଖ କିରୂବର ମୁଖ, ଦ୍ୱିତୀୟର ମୁଖ ମନୁଷ୍ୟର ମୁଖ, ତୃତୀୟ ସିଂହର ମୁଖ ଓ ଚତୁର୍ଥ ଉତ୍କ୍ରୋଶ ପକ୍ଷୀର ମୁଖ ।
\s5
\v 15 ଆଉ, କିରୂବଗଣ ଊର୍ଦ୍ଧ୍ୱକୁ ଉଠିଲେ । ମୁଁ କବାର ନଦୀ ତୀରରେ ଯେଉଁ ଜୀବିତ ପ୍ରାଣୀକୁ ଦେଖିଥିଲି, ସେ ଏହି ।
\v 16 କିରୂବମାନେ ଗମନ କରିବା ବେଳେ ଚକ୍ରସବୁ ସେମାନଙ୍କର ପାର୍ଶ୍ୱରେ ଗମନ କଲେ: ପୁଣି, କିରୂବମାନେ ଭୂମିରୁ ଊର୍ଦ୍ଧ୍ୱକୁ ଯିବା ପାଇଁ ଯେତେବେଳେ ଆପଣା ଆପଣା ପକ୍ଷ ଉଠାଇଲେ, ସେତେବେଳେ ଚକ୍ରସବୁ ହିଁ ସେମାନଙ୍କ ପାର୍ଶ୍ଵ ଛାଡ଼ିଲେ ନାହିଁ ।
\v 17 ସେମାନେ ଠିଆ ହେବା ବେଳେ ଏମାନେ ଠିଆ ହେଲେ; ପୁଣି, ସେମାନେ ଉପରକୁ ଉଠିବା ବେଳେ ଏମାନେ ସେମାନଙ୍କର ସଙ୍ଗେ ସଙ୍ଗେ ଉପରକୁ ଉଠିଲେ; କାରଣ ସେହି ଜୀବିତ ପ୍ରାଣୀର ଆତ୍ମା ସେହି ଚକ୍ରସବୁରେ ଥିଲା ।
\s5
\v 18 ଏଥିଉତ୍ତାରେ ସଦାପ୍ରଭୁଙ୍କ ପ୍ରତାପ ଗୃହର ଏରୁଣ୍ଡିର ଊର୍ଦ୍ଧ୍ୱରୁ ପ୍ରସ୍ଥାନ କରି କିରୂବମାନଙ୍କ ଉପରେ ଅଧିଷ୍ଠାନ କଲା ।
\v 19 ତହିଁରେ କିରୂବମାନେ ଆପଣା ଆପଣା ପକ୍ଷ ଉଠାଇଲେ, ଆଉ ମୋ' ସାକ୍ଷାତରେ ଭୂମିରୁ ଊର୍ଦ୍ଧ୍ୱକୁ ଗମନ କଲା ବେଳେ ଚକ୍ରସବୁ ସେମାନଙ୍କ ପାର୍ଶ୍ୱରେ ଗମନ କଲେ; ପୁଣି, ସଦାପ୍ରଭୁଙ୍କ ଗୃହର ପୂର୍ବ-ଦ୍ୱାରର ପ୍ରବେଶ-ସ୍ଥାନରେ ସେମାନେ ଠିଆ ହେଲେ; ସେହି ସମୟରେ ଇସ୍ରାଏଲର ପରମେଶ୍ୱରଙ୍କର ପ୍ରତାପ ସେମାନଙ୍କ ଉପରେ ବିଦ୍ୟମାନ ଥିଲା ।
\s5
\v 20 ମୁଁ କବାର ନଦୀ ନିକଟରେ ଇସ୍ରାଏଲର ପରମେଶ୍ୱରଙ୍କର ବାହନ ଏହି ଜୀବିତ ପ୍ରାଣୀକୁ ଦେଖିଥିଲି; ଆଉ, ସେମାନେ କିରୂବ ବୋଲି ମୁଁ ଜାଣିଲି ।
\v 21 ସେମାନଙ୍କର ପ୍ରତ୍ୟେକର ଚାରି ଚାରି ମୁଖ ଓ ଚାରି ଚାରି ପକ୍ଷ ଥିଲା; ଆଉ, ସେମାନଙ୍କ ପକ୍ଷ ତଳେ ମାନବ ହସ୍ତର ଆକୃତି ଥିଲା ।
\v 22 ପୁଣି, ମୁଁ କବାର ନଦୀ ନିକଟରେ ଯେଉଁ ଯେଉଁ ମୁଖ ଦେଖିଥିଲି, ସେମାନଙ୍କର ଓ ଏମାନଙ୍କର ମୁଖର ଆକୃତି ଏକ, ସେମାନଙ୍କର ଆକୃତି ଓ ସେମାନେ ଏକ ଅଟନ୍ତି; ସେମାନେ ପ୍ରତ୍ୟେକେ ସମ୍ମୁଖ ଆଡ଼େ ଗମନ କଲେ ।
\s5
\c 11
\s କୁମନ୍ତ୍ରଣାକାରୀଙ୍କ ବିଚାର
\p
\v 1 ଏଥିଉତ୍ତାରେ ପରମେଶ୍ୱରଙ୍କ ଆତ୍ମା ମୋତେ ଉଠାଇ ସଦାପ୍ରଭୁଙ୍କ ଗୃହର ପୂର୍ବାଭିମୁଖ ପୂର୍ବ-ଦ୍ୱାର ନିକଟକୁ ଆଣିଲେ; ଆଉ ଦେଖ, ସେହି ଦ୍ୱାର ନିକଟରେ ପଚିଶ ଜଣ ପୁରୁଷ ଥିଲେ; ପୁଣି, ସେମାନଙ୍କ ମଧ୍ୟରେ ମୁଁ ଲୋକମାନଙ୍କର ଅଧିପତି ଅସ୍‍ସୁରର ପୁତ୍ର ଯାସନୀୟ ଓ ବନାୟର ପୁତ୍ର ପ୍ଲଟୀୟକୁ ଦେଖିଲି ।
\s5
\v 2 ଆଉ, ସେ ମୋତେ କହିଲେ, "ହେ ମନୁଷ୍ୟ-ସନ୍ତାନ, ଏହି ଲୋକମାନେ ଅଧର୍ମ ସଙ୍କଳ୍ପ କରନ୍ତି ଓ ଏହି ନଗର ମଧ୍ୟରେ କୁମନ୍ତ୍ରଣା ଦିଅନ୍ତି;
\v 3 ସେମାନେ କହନ୍ତି, ଗୃହ ନିର୍ମାଣ କରିବାର ସମୟ ସନ୍ନିକଟ ହୋଇ ନାହିଁ; ଏହି ନଗର ହଣ୍ଡା ଓ ଆମ୍ଭେମାନେ ମାଂସ ।
\v 4 ଏହେତୁ ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ସେମାନଙ୍କ ବିରୁଦ୍ଧରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କର, ଭବିଷ୍ୟଦ୍‍ବାକ୍ୟ ପ୍ରଚାର କର ।"
\s5
\v 5 ତହିଁରେ ସଦାପ୍ରଭୁଙ୍କ ପରମେଶ୍ୱରଙ୍କ ଆତ୍ମା ମୋ'ଠାରେ ଅଧିଷ୍ଠିତ ହୋଇ ମୋତେ କହିଲେ, "କୁହ, ସଦାପ୍ରଭୁ ଏହି କଥା କହନ୍ତି; ହେ ଇସ୍ରାଏଲ ବଂଶ, ତୁମ୍ଭେମାନେ ଏପ୍ରକାର କଥା କହିଅଛ; ତୁମ୍ଭମାନଙ୍କ ମନରେ ଯେଉଁ ଯେଉଁ ବିଷୟ ଉଠୁଅଛି, ତାହା ଆମ୍ଭେ ଜାଣୁ ।
\v 6 ତୁମ୍ଭେମାନେ ଏହି ନଗରରେ ଆପଣାମାନଙ୍କର ହତ ଲୋକଙ୍କ ସଂଖ୍ୟା ବୃଦ୍ଧି କରିଅଛ ଓ ତହିଁର ପଥସବୁ ହତ ଲୋକରେ ପୂର୍ଣ୍ଣ କରିଅଛ ।
\v 7 ଏହେତୁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭମାନଙ୍କର ଯେଉଁ ହତ ଲୋକଙ୍କୁ ତୁମ୍ଭେମାନେ ନଗର ମଧ୍ୟରେ ରଖିଅଛ, ସେମାନେ ମାଂସ, ପୁଣି ଏହି ନଗର ହଣ୍ଡା ଅଟେ; ମାତ୍ର ତୁମ୍ଭମାନଙ୍କୁ ତହିଁ ମଧ୍ୟରୁ ବାହାର କରାଯିବ ।
\s5
\v 8 ତୁମ୍ଭେମାନେ ଖଡ଼୍ଗକୁ ଭୟ କରିଅଛ; ଆଉ ପ୍ରଭୁ, ସଦାପ୍ରଭୁ କହନ୍ତି, ଆମ୍ଭେ ତୁମ୍ଭମାନଙ୍କ ବିରୁଦ୍ଧରେ ଖଡ଼୍‍ଗ ଆଣିବା ।
\v 9 ପୁଣି, ଆମ୍ଭେ ତୁମ୍ଭମାନଙ୍କୁ ତହିଁ ମଧ୍ୟରୁ ବାହାର କରି ଆଣି ବିଦେଶୀମାନଙ୍କ ହସ୍ତରେ ସମର୍ପଣ କରିବା ଓ ତୁମ୍ଭମାନଙ୍କ ମଧ୍ୟରେ ବିଚାର ସାଧନ କରିବା ।
\v 10 ତୁମ୍ଭେମାନେ ଖଡ଼୍‍ଗରେ ପତିତ ହେବ; ଆମ୍ଭେ ଇସ୍ରାଏଲର ସୀମା ମଧ୍ୟରେ ତୁମ୍ଭମାନଙ୍କର ବିଚାର କରିବା; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ ।
\s5
\v 11 ଏହି ନଗର ତୁମ୍ଭମାନଙ୍କ ପାଇଁ ହଣ୍ଡା ହେବ ନାହିଁ, କିଅବା ତୁମ୍ଭେମାନେ ତହିଁ ମଧ୍ୟରେ ମାଂସ ହେବ ନାହିଁ; ଆମ୍ଭେ ଇସ୍ରାଏଲର ସୀମା ମଧ୍ୟରେ ତୁମ୍ଭମାନଙ୍କର ବିଚାର କରିବା ।
\v 12 ପୁଣି, ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ; କାରଣ ତୁମ୍ଭେମାନେ ଆମ୍ଭର ବିଧିମତେ ଆଚରଣ କରି ନାହଁ, କିଅବା ଆମ୍ଭର ଦଣ୍ଡାଜ୍ଞା ସଫଳ କରି ନାହଁ, ମାତ୍ର ତୁମ୍ଭମାନଙ୍କର ଚତୁର୍ଦ୍ଦିଗସ୍ଥିତ ଗୋଷ୍ଠୀଗଣର ବିଧାନାନୁସାରେ କର୍ମ କରିଅଛ ।"
\s5
\v 13 ପୁଣି, ମୁଁ ଏହି ଭବିଷ୍ୟଦ୍‍ବାକ୍ୟ ପ୍ରଚାର କଲା ବେଳେ ବନାୟର ପୁତ୍ର ପ୍ଲଟୀୟ ମଲା । ତହିଁରେ ମୁଁ ଉବୁଡ଼ ହୋଇ ପଡ଼ି ଉଚ୍ଚସ୍ୱରରେ କ୍ରନ୍ଦନ କରି କହିଲି, "ଆହା, ପ୍ରଭୁ, ସଦାପ୍ରଭୁ ! ତୁମ୍ଭେ କି ଇସ୍ରାଏଲର ଅବଶିଷ୍ଟାଂଶକୁ ସମ୍ପୂର୍ଣ୍ଣ ରୂପେ ଶେଷ କରିବ ?"
\s ନୂତନ ହୃଦୟ ପ୍ରଦାନ
\p
\s5
\v 14 ଏଥିଉତ୍ତାରେ ସଦାପ୍ରଭୁଙ୍କର ବାକ୍ୟ ମୋ' ନିକଟରେ ଉପସ୍ଥିତ ହେଲା ଏବଂ ସେ କହିଲେ,
\v 15 "ହେ ମନୁଷ୍ୟ-ସନ୍ତାନ, ଯିରୂଶାଲମ ନିବାସୀମାନେ ତୁମ୍ଭର ଭ୍ରାତୃଗଣକୁ, ହଁ, ତୁମ୍ଭର ଭ୍ରାତୃଗଣକୁ, ତୁମ୍ଭର କୁଟୁମ୍ବବର୍ଗୀୟ ଲୋକମାନଙ୍କୁ ଓ ସମୁଦାୟ ଇସ୍ରାଏଲ ବଂଶୀୟ ସମସ୍ତଙ୍କୁ କହିଅଛନ୍ତି, ତୁମ୍ଭେମାନେ ସଦାପ୍ରଭୁଙ୍କଠାରୁ ଦୂରକୁ ଯାଅ; ଏହି ଦେଶ ଅଧିକାରାର୍ଥେ ଆମ୍ଭମାନଙ୍କୁ ଦତ୍ତ ହୋଇଅଛି;
\s5
\v 16 ଏହେତୁ ତୁମ୍ଭେ କୁହ, ସଦାପ୍ରଭୁ ଏହି କଥା କହନ୍ତି; "ଯଦ୍ୟପି ଆମ୍ଭେ ସେମାନଙ୍କୁ ନାନା ଗୋଷ୍ଠୀଗଣ ମଧ୍ୟକୁ ଦୂରୀକୃତ କରିଅଛୁ ଓ ଯଦ୍ୟପି ଆମ୍ଭେ ସେମାନଙ୍କୁ ନାନା ଦେଶ ମଧ୍ୟରେ ଛିନ୍ନଭିନ୍ନ କରିଅଛୁ, ତଥାପି ସେମାନେ ଯେଉଁ ଯେଉଁ ସ୍ଥାନକୁ ଯାଇଅଛନ୍ତି, ସେହିସବୁ ଦେଶରେ ଆମ୍ଭେ ଅଳ୍ପ କାଳ ନିମନ୍ତେ ସେମାନଙ୍କର ଧର୍ମଧାମ ହେବା ।
\v 17 ଏଥିପାଇଁ ତୁମ୍ଭେ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ଆମ୍ଭେ ଗୋଷ୍ଠୀଗଣ ମଧ୍ୟରୁ ତୁମ୍ଭମାନଙ୍କୁ ସଂଗ୍ରହ କରିବା ଓ ତୁମ୍ଭେମାନେ ଯେଉଁ ଯେଉଁ ସ୍ଥାନରେ ଛିନ୍ନଭିନ୍ନ ହୋଇଅଛ, ସେହିସବୁ ଦେଶରୁ ତୁମ୍ଭମାନଙ୍କୁ ଏକତ୍ର କରିବା ଓ ଇସ୍ରାଏଲ ଦେଶ ତୁମ୍ଭମାନଙ୍କୁ ଦେବା ।
\v 18 ପୁଣି, ସେମାନେ ସେହି ଦେଶକୁ ଯିବେ ଓ ତହିଁର ଯାବତୀୟ ଅଶୁଚି ବସ୍ତୁ ଓ ଘୃଣାଯୋଗ୍ୟ ବିଷୟସବୁ ସେହି ସ୍ଥାନରୁ ଦୂର କରିବେ ।
\s5
\v 19 ଆଉ, ଆମ୍ଭେ ସେମାନଙ୍କୁ ଏକ ଚିତ୍ତ ଦେବା ଓ ଆମ୍ଭେ ତୁମ୍ଭମାନଙ୍କ ଅନ୍ତରରେ ଏକ ନୂତନ ଆତ୍ମା ସ୍ଥାପନ କରିବା ଓ ଆମ୍ଭେ ସେମାନଙ୍କ ମାଂସରୁ ପ୍ରସ୍ତରମୟ ହୃଦୟ ଦୂର କରିବା ଓ ସେମାନଙ୍କୁ ମାଂସମୟ ହୃଦୟ ଦେବା ।
\v 20 ତହିଁରେ ସେମାନେ ଆମ୍ଭର ବିଧିମତେ ଆଚରଣ କରିବେ ଓ ଆମ୍ଭର ନିୟମସବୁ ମାନ୍ୟ କରି ପାଳନ କରିବେ; ପୁଣି, ସେମାନେ ଆମ୍ଭର ଲୋକ ହେବେ ଓ ଆମ୍ଭେ ସେମାନଙ୍କର ପରମେଶ୍ୱର ହେବା ।
\v 21 ମାତ୍ର ଯେଉଁମାନଙ୍କ ହୃଦୟ ଆପଣାମାନଙ୍କର ଅଶୁଚି ଓ ଘୃଣାଯୋଗ୍ୟ ବସ୍ତୁସକଳର ହୃଦୟ ଅନୁସାରେ ଆଚରଣ କରେ, ଆମ୍ଭେ ସେମାନଙ୍କର ଆଚରଣର ପ୍ରତିଫଳ ସେମାନଙ୍କ ମସ୍ତକରେ ବର୍ତ୍ତାଇବା, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି ।"
\s5
\v 22 ଏଥିଉତ୍ତାରେ କିରୂବଗଣ ଆପଣା ଆପଣା ପକ୍ଷଗୁଡିକ ଉଠାଇଲେ, ଆଉ ଚକ୍ରସବୁ ସେମାନଙ୍କ ପାର୍ଶ୍ୱରେ ଥିଲା; ଆଉ, ଇସ୍ରାଏଲର ପରମେଶ୍ୱରଙ୍କ ପ୍ରତାପ ସେମାନଙ୍କ ଉର୍ଦ୍ଧ୍ୱରେ ବିଦ୍ୟମାନ ଥିଲା ।
\v 23 ଏଉତ୍ତାରେ ସଦାପ୍ରଭୁଙ୍କର ପ୍ରତାପ ନଗର ମଧ୍ୟରୁ ଉର୍ଦ୍ଧ୍ୱଗମନ କରି ନଗରର ପୂର୍ବଦିଗସ୍ଥିତ ପର୍ବତ ଉପରେ ସ୍ଥଗିତ ହେଲା ।
\s5
\v 24 ତହିଁରେ ପରମେଶ୍ୱରଙ୍କ ଆତ୍ମା ମୋତେ ଉଠାଇ ଦର୍ଶନରେ କଲ୍‍ଦୀୟ ଦେଶକୁ ନିର୍ବାସିତ ଲୋକମାନଙ୍କ ନିକଟକୁ ଆଣିଲେ । ତହୁଁ ମୁଁ ଯେଉଁ ଦର୍ଶନ ପାଇଥିଲି, ତାହା ମୋ' ନିକଟରୁ ଊର୍ଦ୍ଧ୍ୱଗମନ କଲା ।
\v 25 ଏଥିରେ ସଦାପ୍ରଭୁ ମୋତେ ଯେଉଁ ଯେଉଁ ବିଷୟ ଦେଖାଇ ଥିଲେ, ସେହିସକଳ ବିଷୟ ମୁଁ ନିର୍ବାସିତ ଲୋକମାନଙ୍କୁ ଜଣାଇଲି ।
\s5
\c 12
\s ଯିହୂଦାର ବନ୍ଦୀତ୍ୱାବସ୍ଥାର ରୂପକ
\p
\v 1 ଆହୁରି, ସଦାପ୍ରଭୁଙ୍କର ବାକ୍ୟ ମୋ' ନିକଟରେ ଉପସ୍ଥିତ ହେଲା, ପୁଣି ସେ ମୋତେ କହିଲେ,
\v 2 "ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ବିଦ୍ରୋହୀ ଲୋକମାନଙ୍କ ମଧ୍ୟରେ ବାସ କରୁଅଛ, ସେମାନଙ୍କର ଦେଖିବା ପାଇଁ ଚକ୍ଷୁ ଅଛି, ମାତ୍ର ଦେଖନ୍ତି ନାହିଁ, ସେମାନଙ୍କର ଶୁଣିବା ପାଇଁ କର୍ଣ୍ଣ ଅଛି, ମାତ୍ର ଶୁଣନ୍ତି ନାହିଁ; କାରଣ ସେମାନେ ବିଦ୍ରୋହୀ ବଂଶ ।
\s5
\v 3 ଏଥିପାଇଁ ହେ ମନୁଷ୍ୟ-ସନ୍ତାନ, ନିର୍ବାସନ ନିମନ୍ତେ କରିବା ପାଇଁ ସମ୍ବଳ ପ୍ରସ୍ତୁତ କର, ଆଉ ସେମାନଙ୍କ ସାକ୍ଷାତରେ ଦିନ ବେଳେ ପ୍ରସ୍ଥାନ କର, ତୁମ୍ଭେ ସେମାନଙ୍କ ସାକ୍ଷାତରେ ସ୍ୱସ୍ଥାନରୁ ଅନ୍ୟ ସ୍ଥାନକୁ ପ୍ରସ୍ଥାନ କରିବ । ହୋଇପାରେ, ବିଦ୍ରୋହୀ-ବଂଶ ହେଲେ ହେଁ ସେମାନେ ବିବେଚନା କରିବେ ।
\s5
\v 4 ତୁମ୍ଭେ ଦିନ ବେଳେ ସେମାନଙ୍କ ସାକ୍ଷାତରେ ପ୍ରସ୍ଥାନକାଳୀନ ସମ୍ବଳ ତୁଲ୍ୟ ଆପଣା ସମ୍ବଳ ବାହାର କରି ଆଣିବ; ଆଉ, ଲୋକେ ଯେପରି ନିର୍ବାସାର୍ଥେ ପ୍ରସ୍ଥାନ କରନ୍ତି, ସେହିପରି ତୁମ୍ଭେ ସନ୍ଧ୍ୟା ବେଳେ ସେମାନଙ୍କ ସାକ୍ଷାତରେ ପ୍ରସ୍ଥାନ କରିବ ।
\v 5 ତୁମ୍ଭେ ସେମାନଙ୍କ ସାକ୍ଷାତରେ କାନ୍ଥ ଖୋଳ ଓ ତାହା ମଧ୍ୟ ଦେଇ ତୁମ୍ଭର ଜିନିଷ ସହ ତୁମ୍ଭେ ବାହାରି ଯାଅ।
\v 6 ସେମାନଙ୍କ ସାକ୍ଷାତରେ ତୁମ୍ଭର ଜିନିଷ ଆପଣା କାନ୍ଧରେ ବହିବ ଓ ଅନ୍ଧକାର ବେଳେ ତାହା ନେଇଯିବ; ତୁମ୍ଭେ ଯେପରି ଭୂମି ନ ଦେଖିବ, ଏଥିପାଇଁ ଆପଣା ମୁଖ ଆଚ୍ଛାଦନ କରିବ; କାରଣ ଇସ୍ରାଏଲ ବଂଶ ପ୍ରତି ଏକ ଚିହ୍ନ ସ୍ୱରୂପ କରି ଆମ୍ଭେ ତୁମ୍ଭକୁ ରଖିଅଛୁ ।"
\s5
\v 7 ତହିଁରେ ମୁଁ ସେହି ଆଜ୍ଞା ପ୍ରମାଣେ କାର୍ଯ୍ୟ କଲି; ମୁଁ ପ୍ରସ୍ଥାନକାଳୀନ ସମ୍ବଳ ତୁଲ୍ୟ ଦିନ ବେଳେ ଆପଣା ସମ୍ବଳ ବାହାର କରି ଆଣିଲି ଓ ସନ୍ଧ୍ୟା ବେଳେ ନିଜ ହସ୍ତରେ କାନ୍ଥ ଖୋଳିଲି; ମୁଁ ଅନ୍ଧକାର ବେଳେ ତାହା ବାହାର କରି ସେମାନଙ୍କ ସାକ୍ଷାତରେ ଆପଣା କାନ୍ଧରେ ବୋହି ନେଲି ।
\s5
\v 8 ପୁଣି, ପ୍ରଭାତ କାଳରେ ସଦାପ୍ରଭୁଙ୍କର ଏହି ବାକ୍ୟ ମୋ' ନିକଟରେ ଉପସ୍ଥିତ ହେଲା,
\v 9 "ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ କ'ଣ କରୁଅଛ ବୋଲି ଇସ୍ରାଏଲ ବଂଶ, ସେହି ବିଦ୍ରୋହୀ-ବଂଶ କି ତୁମ୍ଭକୁ ପଚାରି ନାହାନ୍ତି ?
\v 10 ତୁମ୍ଭେ ସେମାନଙ୍କୁ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ଏହି ଭାର ଯିରୂଶାଲମସ୍ଥ ଅଧିପତିର ଓ ସେମାନେ ଯେଉଁମାନଙ୍କ ମଧ୍ୟରେ ଅଛନ୍ତି, ସେହି ସମୁଦାୟ ଇସ୍ରାଏଲ ବଂଶର ସମ୍ପର୍କୀୟ ଅଟେ ।
\s5
\v 11 ତୁମ୍ଭେ କୁହ, ମୁଁ ତୁମ୍ଭମାନଙ୍କର ଚିହ୍ନ ସ୍ୱରୂପ ଅଟେ: ମୁଁ ଯେପରି କଲି, ସେମାନଙ୍କ ପ୍ରତି ସେହିପରି କରାଯିବ; ସେମାନେ ନିର୍ବାସିତ ହୋଇ ବନ୍ଦୀତ୍ତ୍ୱ ସ୍ଥାନକୁ ଯିବେ ।
\v 12 ପୁଣି, ସେମାନଙ୍କ ମଧ୍ୟବର୍ତ୍ତୀ ଅଧିପତି ଅନ୍ଧକାର ସମୟରେ ଆପଣା କାନ୍ଧରେ ଭାର ବୋହି ବାହାରି ଯିବ; ଲୋକମାନେ ବୋହି ନେବା ପାଇଁ କାନ୍ଥ ଖୋଳିବେ; ସେ ଆପଣା ମୁଖ ଆଚ୍ଛାଦନ କରିବ, କାରଣ ସେ ଚକ୍ଷୁରେ ଭୂମି ଦେଖିବ ନାହିଁ ।
\v 13 ଆହୁରି, ଆମ୍ଭେ ତାହା ଉପରେ ଆମ୍ଭର ଜାଲ ପ୍ରସାରିବା ଓ ସେ ଆମ୍ଭ ଫାନ୍ଦରେ ଧରାଯିବ; ଆଉ, ଆମ୍ଭେ କଲ୍‍ଦୀୟମାନଙ୍କର ଦେଶ ବାବିଲକୁ ତାହାକୁ ନେଇଯିବା; ଆଉ, ଯଦ୍ୟପି ସେ ସେହି ସ୍ଥାନରେ ମରିବ, ତଥାପି ସେ ତାହା ଦେଖିବ ନାହିଁ ।
\s5
\v 14 ପୁଣି, ତାହାର ସାହାଯ୍ୟ କରିବାକୁ ଯେଉଁମାନେ ତାହାର ଚତୁର୍ଦ୍ଦିଗରେ ଅଛନ୍ତି, ସେମାନଙ୍କୁ ଓ ତାହାର ସୈନ୍ୟଦଳ ସମସ୍ତଙ୍କୁ ଆମ୍ଭେ ସବୁ ଦିଗରେ ଛିନ୍ନଭିନ୍ନ କରିବା ଓ ସେମାନଙ୍କ ପଶ୍ଚାତ ଆମ୍ଭେ ଖଡ଼୍‍ଗ ନିଷ୍କୋଷ କରିବା ।
\v 15 ଆଉ, ଯେତେବେଳେ ଆମ୍ଭେ ସେମାନଙ୍କୁ ନାନା ଗୋଷ୍ଠୀ ମଧ୍ୟରେ ଛିନ୍ନଭିନ୍ନ କରିବା ଓ ନାନା ଦେଶ ମଧ୍ୟରେ ସେମାନଙ୍କୁ ଏଣେତେଣେ ବିକ୍ଷିପ୍ତ କରିବା, ସେତେବେଳେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ ।
\v 16 ମାତ୍ର ଆମ୍ଭେ ସେମାନଙ୍କ ମଧ୍ୟରୁ କେତେକ ଲୋକଙ୍କୁ ଖଡ଼୍‍ଗ, ଦୁର୍ଭିକ୍ଷ ଓ ମହାମାରୀରୁ ରକ୍ଷା କରିବା, ତହିଁରେ ସେମାନେ ଯେଉଁ ଗୋଷ୍ଠୀମାନଙ୍କ ମଧ୍ୟକୁ ଯିବେ, ସେମାନଙ୍କ ନିକଟରେ ଆପଣାମାନଙ୍କର ଘୃଣାଯୋଗ୍ୟ କ୍ରିୟାସକଳ ପ୍ରକାଶ କରିବେ; ଆଉ, ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ ।"
\s5
\v 17 ଆହୁରି ସଦାପ୍ରଭୁଙ୍କ ବାକ୍ୟ ମୋ' ନିକଟରେ ଉପସ୍ଥିତ ହେଲା, ପୁଣି ସେ ମୋତେ କହିଲେ,
\v 18 "ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ କମ୍ପି କମ୍ପି ଆପଣା ଆହାର ଭୋଜନ କର, ଆଉ ଥରି ଥରି ଓ ଚିନ୍ତିତ ହୋଇ ଆପଣା ଜଳ ପାନ କର;
\s5
\v 19 ପୁଣି, ଦେଶର ଲୋକମାନଙ୍କୁ କୁହ, ଯିରୂଶାଲମ ନିବାସୀମାନଙ୍କର ଓ ଇସ୍ରାଏଲ ଦେଶର ବିଷୟରେ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି: ସେମାନେ ଚିନ୍ତିତ ହୋଇ ଆପଣା ଆପଣା ଆହାର ଭୋଜନ କରିବେ ଓ ବିସ୍ମିତ ହୋଇ ଆପଣା ଆପଣାର ଜଳ ପାନ କରିବେ, କାରଣ ନିବାସୀମାନଙ୍କର ଦୌରାତ୍ମ୍ୟ ସକାଶୁ ସେମାନଙ୍କ ଦେଶ ଓ ତନ୍ମଧ୍ୟସ୍ଥିତ ସର୍ବସ୍ୱରୁ ଶୂନ୍ୟ ହେବ ।
\v 20 ଆଉ, ବସତିବିଶିଷ୍ଟ ନଗରସବୁ ନଷ୍ଟ ଓ ଦେଶ ଧ୍ୱଂସସ୍ଥାନ ହେବ; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ ।"
\s5
\v 21 ଏଥିଉତ୍ତାରେ ସଦାପ୍ରଭୁଙ୍କର ଏହି ବାକ୍ୟ ମୋ' ନିକଟରେ ଉପସ୍ଥିତ ହେଲା,
\v 22 "ହେ ମନୁଷ୍ୟ-ସନ୍ତାନ, କାଳ ବିଳମ୍ବ ହେଉଅଛି, ପ୍ରତ୍ୟେକ ଦର୍ଶନ ବିଫଳ ହେଉଅଛି ବୋଲି ତୁମ୍ଭେମାନେ ଇସ୍ରାଏଲ ଦେଶରେ ଯେଉଁ ପ୍ରବାଦ ଶୁଣିଅଛ, ତାହା କି ?
\v 23 ଏହେତୁ ସେମାନଙ୍କୁ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି: ଆମ୍ଭେ ଏହି ପ୍ରବାଦ ଲୋପ କରିବା ଓ ଇସ୍ରାଏଲ ମଧ୍ୟରେ ଲୋକମାନେ ପ୍ରବାଦ ରୂପେ ଆଉ ତାହା ବ୍ୟବହାର କରିବେ ନାହିଁ; ମାତ୍ର ସେମାନଙ୍କୁ କୁହ, ସମୟ ଓ ପ୍ରତ୍ୟେକ ଦର୍ଶନର ସଫଳତା ସନ୍ନିକଟ ।"
\s5
\v 24 କାରଣ ଅସାର ଦର୍ଶନ ଓ ଚାଟୁବାଦର ମନ୍ତ୍ର ତନ୍ତ୍ର ଇସ୍ରାଏଲ ବଂଶ ମଧ୍ୟରେ ଆଉ ରହିବ ନାହିଁ ।
\v 25 କାରଣ ଆମ୍ଭେ ସଦାପ୍ରଭୁ; ଆମ୍ଭେ କଥା କହିବା ଓ ଯେଉଁ କଥା ଆମ୍ଭେ କହିବା, ତାହା ସଫଳ ହେବ; ଆଉ, ବିଳମ୍ବ ହେବ ନାହିଁ; କାରଣ ହେ ବିଦ୍ରୋହୀ-ବଂଶ, ପ୍ରଭୁ, ସଦାପ୍ରଭୁ କହନ୍ତି, ଆମ୍ଭେ ତୁମ୍ଭମାନଙ୍କର ବର୍ତ୍ତମାନ କାଳରେ କଥା କହିବା ଓ ତାହା ସଫଳ କରିବା ।
\s5
\v 26 ପୁନର୍ବାର ସଦାପ୍ରଭୁଙ୍କର ଏହି ବାକ୍ୟ ମୋ' ନିକଟରେ ଉପସ୍ଥିତ ହେଲା,
\v 27 "ହେ ମନୁଷ୍ୟ-ସନ୍ତାନ, ଦେଖ, ଇସ୍ରାଏଲ ବଂଶୀୟ ଲୋକମାନେ କହନ୍ତି, ସେ ଲୋକ ଯେଉଁ ଦର୍ଶନ ପାଏ, ତାହା ଅନେକ ବିଳମ୍ବର କଥା ଓ ସେ ଅତି ଦୂରବର୍ତ୍ତୀ କାଳର ବିଷୟରେ ଭବିଷ୍ୟଦ୍‍ ବାକ୍ୟ ପ୍ରଚାର କରୁଅଛି ।
\v 28 ଏହେତୁ ସେମାନଙ୍କୁ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି: ଆମ୍ଭ ବାକ୍ୟର କୌଣସି କଥା ଆଉ ବିଳମ୍ବ ନୋହିବ, ମାତ୍ର ଆମ୍ଭେ ଯେଉଁ ବାକ୍ୟ କହିବା, ତାହା ସଫଳ ହେବ, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି ।"
\s5
\c 13
\s ମିଥ୍ୟା ଭାବବାଦୀଙ୍କ ବିଚାର
\p
\v 1 ଏଥିଉତ୍ତାରେ ସଦାପ୍ରଭୁଙ୍କର ଏହି ବାକ୍ୟ ମୋ' ନିକଟରେ ଉପସ୍ଥିତ ହେଲା ଏବଂ ପୁଣି ସେ ମୋତେ କହିଲେ, ,
\v 2 "ହେ ମନୁଷ୍ୟ-ସନ୍ତାନ, ଇସ୍ରାଏଲର ଯେଉଁ ଭବିଷ୍ୟଦ୍‍-ବକ୍ତାମାନେ ଭବିଷ୍ୟଦ୍‍ ବାକ୍ୟ ପ୍ରଚାର କରନ୍ତି, ତୁମ୍ଭେ ସେମାନଙ୍କ ବିରୁଦ୍ଧରେ ଭବିଷ୍ୟଦ୍‍ ବାକ୍ୟ ପ୍ରଚାର କର; ଆଉ, ଯେଉଁମାନେ ନିଜ ହୃଦୟରୁ ଭବିଷ୍ୟଦ୍‍ ବାକ୍ୟ ପ୍ରଚାର କରନ୍ତି, ସେମାନଙ୍କୁ କୁହ, ତୁମ୍ଭେମାନେ ସଦାପ୍ରଭୁଙ୍କର ବାକ୍ୟ ଶୁଣ;
\v 3 ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, "ଯେଉଁ ମୂଢ଼ ଭବିଷ୍ୟଦ୍‍ବକ୍ତାମାନେ କିଛି ଦର୍ଶନ ପ୍ରାପ୍ତ ନ ହୋଇ ଆପଣା ଆପଣା ଆତ୍ମାର ପଶ୍ଚାଦ୍‍ଗମନ କରନ୍ତି, ସେମାନେ ସନ୍ତାପର ପାତ୍ର ।"
\v 4 ହେ ଇସ୍ରାଏଲ, ତୁମ୍ଭର ଭବିଷ୍ୟଦ୍‍ବକ୍ତାମାନେ ଉଜଡ଼ା ସ୍ଥାନର ବିଲୁଆ ତୁଲ୍ୟ ହୋଇଅଛନ୍ତି ।
\s5
\v 5 ତୁମ୍ଭେମାନେ ପ୍ରାଚୀରର ଭଗ୍ନ-ସ୍ଥାନର ଉପରକୁ ଯାଇ ନାହଁ, କିଅବା ସଦାପ୍ରଭୁଙ୍କ ଦିନରେ ସଂଗ୍ରାମରେ ଠିଆ ହେବା ନିମନ୍ତେ ଇସ୍ରାଏଲ ବଂଶ ପାଇଁ ବେଢ଼ା ଦୃଢ଼ କରି ନାହଁ ।
\v 6 ସଦାପ୍ରଭୁ ଏହି କଥା କହନ୍ତି ବୋଲି ଯେଉଁମାନେ କହନ୍ତି, ସେମାନେ ଅସାର ଦର୍ଶନ ପାଇଅଛନ୍ତି ଓ ମିଥ୍ୟା ମନ୍ତ୍ର ପଢ଼ିଅଛନ୍ତି," ଆଉ, ସଦାପ୍ରଭୁ ସେମାନଙ୍କୁ ପଠାଇ ନାହାନ୍ତି; ପୁଣି, ବାକ୍ୟ ସିଦ୍ଧ ହେବ ବୋଲି ସେମାନେ ଲୋକମାନଙ୍କର ପ୍ରତ୍ୟାଶା ଜନ୍ମାଇ ଅଛନ୍ତି ।
\v 7 ଆମ୍ଭେ କଥା ନ କହିଲେ ହେଁ, "ସଦାପ୍ରଭୁ କହନ୍ତି ବୋଲି କହୁଅଛ ଯେ ତୁମ୍ଭେମାନେ," ତୁମ୍ଭେମାନେ କି ଅସାର ଦର୍ଶନ ପାଇ ନାହଁ ଓ ତୁମ୍ଭେମାନେ କି ମିଥ୍ୟା ମନ୍ତ୍ର ଉଚ୍ଚାରଣ କରି ନାହଁ ?
\s5
\v 8 ଏହେତୁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭେମାନେ ଅସାର ବାକ୍ୟ କହିଅଛ ଓ ମିଥ୍ୟା ଦର୍ଶନ ପାଇଅଛ, ଏଥିପାଇଁ ଦେଖ, ଆମ୍ଭେ ତୁମ୍ଭମାନଙ୍କର ପ୍ରତିକୂଳ ଅଟୁ, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି ।
\v 9 "ପୁଣି, ଯେଉଁ ଭବିଷ୍ୟଦ୍‍ବକ୍ତାମାନେ ଅସାର ଦର୍ଶନ ପାଆନ୍ତି ଓ ମିଥ୍ୟା ମନ୍ତ୍ର ପଢ଼ନ୍ତି, ଆମ୍ଭର ହସ୍ତ ସେମାନଙ୍କର ପ୍ରତିକୂଳ ହେବ; ସେମାନେ ଆମ୍ଭ ଲୋକମାନଙ୍କ ମନ୍ତ୍ରୀ ସଭାରେ ରହିବେ ନାହିଁ, କିଅବା ଇସ୍ରାଏଲ ବଂଶର ବଂଶାବଳୀ ମଧ୍ୟରେ ସେମାନେ ଲିଖିତ ହେବେ ନାହିଁ, ଅଥବା ଇସ୍ରାଏଲ ଦେଶରେ ପ୍ରବେଶ କରିବେ ନାହିଁ; ତହିଁରେ ଆମ୍ଭେ ଯେ ପ୍ରଭୁ, ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ ।
\s5
\v 10 ଶାନ୍ତି ନ ଥିଲେ ହେଁ ସେମାନେ ଶାନ୍ତି ଅଛି ବୋଲି କହି ଆମ୍ଭ ଲୋକମାନଙ୍କୁ ଭୁଲାଇ ଅଛନ୍ତି; ଆଉ, କେହି କାନ୍ଥ ନିର୍ମାଣ କଲେ ଦେଖ, ସେମାନେ ଅମିଶ୍ରିତ ମସଲାରେ ତାହା ଲେପନ କରନ୍ତି,"
\v 11 ଏଥିପାଇଁ, ବିଶେଷ ରୂପେ ଅମିଶ୍ରିତ ମସଲାରେ କାନ୍ଥ ଲେପନକାରୀମାନଙ୍କୁ କୁହ ଯେ, "ତାହା ପଡ଼ିଯିବ; ପ୍ଳାବନକାରୀ ବୃଷ୍ଟି ହେବ; ହେ ବୃହତ ଶିଳାସକଳ, ତୁମ୍ଭେମାନେ ବୃଷ୍ଟି ହେବ ଓ ପ୍ରଚଣ୍ଡ ବାୟୁ ତାହା ବିଦାରଣ କରିବ ।"
\v 12 ଦେଖ, କାନ୍ଥ ଯେତେବେଳେ ପଡ଼ିଯିବ, ସେତେବେଳେ ତୁମ୍ଭମାନଙ୍କୁ କି କୁହା ନ ଯିବ, ତୁମ୍ଭେମାନେ ଯାହା ଦେଇ ଲେପନ କରିଥିଲ, ସେହି ପ୍ରଲେପ କାହିଁ ?
\s5
\v 13 ଏହେତୁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ଆମ୍ଭେ ଆପଣା କୋପରେ ପ୍ରଚଣ୍ଡ ବାୟୁ ଦ୍ୱାରା ତାହା ବିଦାରଣ କରିବା; ଆମ୍ଭ କ୍ରୋଧରେ ପ୍ଳାବନକାରୀ ବୃଷ୍ଟି ହେବ ଓ କୋପରେ ବୃହତ୍ ବୃହତ୍ ଶିଳାବୃଷ୍ଟି ହୋଇ ତାହା ବିନଷ୍ଟ କରିବ ।
\v 14 ଏହିରୂପେ ତୁମ୍ଭେମାନେ ଅମିଶ୍ରିତ ମସଲାରେ ଯେଉଁ କାନ୍ଥ ଲେପନ କରିଅଛ, ତାହା ଆମ୍ଭେ ଭାଙ୍ଗି ପକାଇବା ଓ ତାହା ଭୂମିସାତ୍‍ କରିବା, ତହିଁରେ ତାହାର ଭିତ୍ତିମୂଳ ଅନାବୃତ୍ତ ହେବ; ଆଉ, ତାହା ପଡ଼ିଯିବ ଓ ତୁମ୍ଭେମାନେ ତହିଁ ମଧ୍ୟରେ ବିନଷ୍ଟ ହେବ; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ ।
\s5
\v 15 ଏହି ପ୍ରକାରେ ଆମ୍ଭେ ସେହି କାନ୍ଥ ଉପରେ ଓ ଯେଉଁମାନେ ଅମିଶ୍ରିତ ମସଲାରେ ତାହା ଲେପନ କରିଅଛନ୍ତି, ସେମାନଙ୍କ ଉପରେ ଆପଣା କୋପ ସଫଳ କରିବା ଓ ଆମ୍ଭେ ତୁମ୍ଭମାନଙ୍କୁ କହିବା, "ସେହି କାନ୍ଥ ଆଉ ନାହିଁ ଓ ତାହା ଲେପନକାରୀମାନେ,
\v 16 ଅର୍ଥାତ୍‍, ଯେଉଁମାନେ ଯିରୂଶାଲମ ବିଷୟରେ ଭବିଷ୍ୟଦ୍‍ ବାକ୍ୟ ପ୍ରଚାର କରନ୍ତି ଓ ଶାନ୍ତି ନ ଥିଲେ ହେଁ ତାହା ନିମନ୍ତେ ଶାନ୍ତିର ଦର୍ଶନ ପାଆନ୍ତି, ଇସ୍ରାଏଲର ସେହି ଭବିଷ୍ୟଦ୍‍ବକ୍ତାମାନେ ଆଉ ନାହାନ୍ତି, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି ।"
\s5
\v 17 ଆଉ ହେ ମନୁଷ୍ୟ-ସନ୍ତାନ, ତୁମ୍ଭ ଲୋକଙ୍କର ଯେଉଁ କନ୍ୟାଗଣ ଆପଣା ଆପଣା ହୃଦୟରୁ ଭବିଷ୍ୟଦ୍‍ ବାକ୍ୟ ପ୍ରଚାର କରନ୍ତି, ସେମାନଙ୍କ ବିରୁଦ୍ଧରେ ଆପଣା ମୁଖ ରଖ ଓ ସେମାନଙ୍କ ବିରୁଦ୍ଧରେ ଭବିଷ୍ୟଦ୍‍ ବାକ୍ୟ ପ୍ରଚାର କରି କୁହ,
\v 18 ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, "ଯେଉଁ ସ୍ତ୍ରୀମାନେ ପ୍ରାଣ ମୃଗୟାର୍ଥେ ସବୁ କହୁଣୀ ଉପରେ ମୁଚୁଳା ସିଲାଇ କରନ୍ତି ଓ ସର୍ବଆକୃତିର ଲୋକଙ୍କ ମସ୍ତକ ନିମନ୍ତେ ଆବରଣୀ ପ୍ରସ୍ତୁତ କରନ୍ତି, ସେମାନେ ସନ୍ତାପର ପାତ୍ରୀ ! ତୁମ୍ଭେମାନେ କି ଆମ୍ଭ ଲୋକମାନଙ୍କ ପ୍ରାଣକୁ ମୃଗୟା କରି ଆପଣାମାନଙ୍କ ନିମନ୍ତେ ପ୍ରାଣ ଜୀଅନ୍ତା ରଖିବ ?
\s5
\v 19 ପୁଣି, ଆମ୍ଭର ଯେଉଁ ଲୋକମାନେ ମିଥ୍ୟା କଥା ଶୁଣନ୍ତି, ସେମାନଙ୍କୁ ମିଥ୍ୟା କଥା କହି, ବଧର ଅଯୋଗ୍ୟ ପ୍ରାଣକୁ ବଧ କରିବା ପାଇଁ ଓ ବଞ୍ଚିବାର ଅଯୋଗ୍ୟ ପ୍ରାଣକୁ ଜୀବିତ ରଖିବା ପାଇଁ ତୁମ୍ଭେମାନେ ମୁଠିଏ ମୁଠିଏ ଯବ ଓ ଖଣ୍ଡିଏ ଖଣ୍ଡିଏ ରୁଟି ନିମନ୍ତେ ଆମ୍ଭ ଲୋକଙ୍କ ମଧ୍ୟରେ ଆମ୍ଭକୁ ଅଶୁଚି କରିଅଛ ।
\s5
\v 20 ଏହେତୁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ଦେଖ, ତୁମ୍ଭେମାନେ ଆପଣାମାନଙ୍କର ଯେଉଁ ମୁଚୁଳା ଦ୍ୱାରା ପ୍ରାଣୀମାନଙ୍କୁ ଉଡ଼ାଇ ଶିକାର କରୁଅଛ, ଆମ୍ଭେ ତହିଁର ପ୍ରତିକୂଳ ଅଟୁ ଓ ଆମ୍ଭେ ତୁମ୍ଭମାନଙ୍କ ଭୁଜରୁ ସେହିସବୁ ମୁଚୁଳା ଚିରି ପକାଇବା; ଆଉ, ଆମ୍ଭେ ପ୍ରାଣୀମାନଙ୍କୁ, ଅର୍ଥାତ୍‍, ତୁମ୍ଭେମାନେ ଯେଉଁ ପ୍ରାଣୀମାନଙ୍କୁ ଉଡ଼ାଇ ମୃଗୟା କରୁଅଛ, ଆମ୍ଭେ ସେମାନଙ୍କୁ ମୁକ୍ତ କରି ଦେବା ।
\v 21 ମଧ୍ୟ ଆମ୍ଭେ ତୁମ୍ଭମାନଙ୍କର ଆବରଣୀ ଚିରି ପକାଇବା ଓ ଆମ୍ଭ ଲୋକମାନଙ୍କୁ ତୁମ୍ଭମାନଙ୍କ ହସ୍ତରୁ ଉଦ୍ଧାର କରିବା, ସେମାନେ ମୃଗୟାକୃତ ହେବା ନିମନ୍ତେ, ଆଉ ତୁମ୍ଭମାନଙ୍କ ହସ୍ତଗତ ହେବେ ନାହିଁ; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ ।
\s5
\v 22 ଆମ୍ଭେ ଯେଉଁ ଧାର୍ମିକ ଲୋକକୁ ବିଷର୍ଣ୍ଣ କରି ନାହୁଁ, ତୁମ୍ଭେମାନେ ମିଥ୍ୟା କଥା ଦ୍ୱାରା ତାହାର ଅନ୍ତଃକରଣକୁ ଦୁଃଖାର୍ତ୍ତ କରିଅଛ, ପୁଣି, ଦୁଷ୍ଟ ଲୋକ ବଞ୍ଚିବା ନିମନ୍ତେ ଯେପରି ଆପଣା କୁପଥରୁ ଫେରିବ ନାହିଁ, ଏଥିପାଇଁ ତାହାର ହସ୍ତ ସବଳ କରିଅଛ;
\v 23 ଏସକାଶୁ ତୁମ୍ଭେମାନେ ଅସାର ଦର୍ଶନ ଆଉ ଦେଖିବ ନାହିଁ, କିଅବା ମନ୍ତ୍ର ପଢ଼ିବ ନାହିଁ; ପୁଣି, ଆମ୍ଭେ ଆପଣା ଲୋକମାନଙ୍କୁ ତୁମ୍ଭମାନଙ୍କ ହସ୍ତରୁ ଉଦ୍ଧାର କରିବା; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ ।"
\s5
\c 14
\s ଦେବପୂଜକ ପ୍ରାଚୀନବର୍ଗଙ୍କ ବିଚାର
\p
\v 1 ଏଥିଉତ୍ତାରେ ଇସ୍ରାଏଲର ପ୍ରାଚୀନବର୍ଗଙ୍କ ମଧ୍ୟରୁ କେତେକ ଜଣ ମୋ' ନିକଟକୁ ଆସି ମୋ' ସମ୍ମୁଖରେ ବସିଲେ ।
\v 2 ସେତେବେଳେ ସଦାପ୍ରଭୁଙ୍କର ଏହି ବାକ୍ୟ ମୋ' ନିକଟରେ ଉପସ୍ଥିତ ହେଲା,
\v 3 "ହେ ମନୁଷ୍ୟ-ସନ୍ତାନ, ଏହି ଲୋକମାନେ ଆପଣା ଆପଣା ଦେବତାକୁ ଆପଣା ଆପଣା ହୃଦୟକୁ ନେଇଅଛନ୍ତି ଓ ଆପଣାମାନଙ୍କର ଅଧର୍ମଜନକ ବିଘ୍ନ ଆପଣା ଆପଣା ସମ୍ମୁଖରେ ରଖିଅଛନ୍ତି; ଆମ୍ଭେ କି କୌଣସିମତେ ସେମାନଙ୍କୁ ଆମ୍ଭ ନିକଟରେ ଅନୁସନ୍ଧାନ କରିବାକୁ ଦେବା ?
\s5
\v 4 ଏହେତୁ ତୁମ୍ଭେ ସେମାନଙ୍କୁ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ଇସ୍ରାଏଲ ବଂଶର ଯେଉଁ ପ୍ରତ୍ୟେକ ଲୋକ ଆପଣା ଦେବତାକୁ ଆପଣା ହୃଦୟକୁ ନିଏ ଓ ଆପଣାର ଅଧର୍ମଜନକ ବିଘ୍ନ ଆପଣା ସମ୍ମୁଖରେ ରଖେ, ଆଉ ଭବିଷ୍ୟଦ୍‍ବକ୍ତା ନିକଟକୁ ଆସେ; ସେହି ଲୋକକୁ ଆମ୍ଭେ ସଦାପ୍ରଭୁ ତାହାର ଦେବତାଗଣର ବାହୁଲ୍ୟାନୁସାରେ ତଦ୍‍ବିଷୟରେ ଉତ୍ତର ଦେବା;
\v 5 ଏହିରୂପେ ଆମ୍ଭେ ଇସ୍ରାଏଲ ବଂଶକୁ ସେମାନଙ୍କର ହୃଦୟରୂପ ଫାନ୍ଦରେ ଧରିବା, କାରଣ ସେମାନେ ସମସ୍ତେ ଆପଣା ଆପଣା ଦେବଗଣ ଦ୍ୱାରା ଆମ୍ଭଠାରୁ ବିମୁଖ ହୋଇଅଛନ୍ତି ।
\s5
\v 6 ଏହେତୁ ଇସ୍ରାଏଲ ବଂଶକୁ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭେମାନେ ଫେର, ଆପଣା ଆପଣା ଦେବଗଣଠାରୁ ବିମୁଖ ହୁଅ, ତୁମ୍ଭମାନଙ୍କର ସମସ୍ତ ଘୃଣାଯୋଗ୍ୟ କ୍ରିୟାରୁ ଆପଣା ଆପଣା ମୁଖ ଫେରାଅ ।
\s5
\v 7 କାରଣ ଇସ୍ରାଏଲ ବଂଶର ଓ ଇସ୍ରାଏଲ ମଧ୍ୟରେ ପ୍ରବାସକାରୀଗଣର ଯେ ପ୍ରତ୍ୟେକ ଲୋକ ଆମ୍ଭଠାରୁ ଆପଣାକୁ ପୃଥକ୍‍ କରେ ଓ ଆପଣା ଦେବଗଣକୁ ଆପଣା ହୃଦୟକୁ ନିଏ ଓ ଆପଣାର ଅଧର୍ମଜନକ ବିଘ୍ନ ଆପଣା ସମ୍ମୁଖରେ ରଖେ, ଆଉ ଆପଣା ବିଷୟ ଆମ୍ଭ ନିକଟରେ ଅନୁସନ୍ଧାନ କରିବା ପାଇଁ ଭବିଷ୍ୟଦ୍‍ବକ୍ତା ନିକଟକୁ ଆସେ; ଆମ୍ଭେ ସଦାପ୍ରଭୁ ଆପେ ତାହାକୁ ଉତ୍ତର ଦେବା ।
\v 8 ପୁଣି, ଆମ୍ଭେ ସେ ଲୋକର ବିରୁଦ୍ଧରେ ଆପଣା ମୁଖ ରଖିବା ଓ ତାହାକୁ ଚିହ୍ନ ଓ ଦୃଷ୍ଟାନ୍ତର ନିମନ୍ତେ ବିସ୍ମୟାସ୍ପଦ କରିବା, ଆଉ ଆମ୍ଭେ ଆମ୍ଭ ଲୋକମାନଙ୍କ ମଧ୍ୟରୁ ତାହାକୁ ଉଚ୍ଛିନ୍ନ କରିବା; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ ।
\s5
\v 9 ଆଉ, ଭବିଷ୍ୟଦ୍‍ବକ୍ତା ଭ୍ରାନ୍ତ ହୋଇ ଯଦି କୌଣସି କଥା କହେ, ତେବେ ଆମ୍ଭେ ସଦାପ୍ରଭୁ ସେ ଭବିଷ୍ୟଦ୍‍ବକ୍ତାକୁ ଭ୍ରାନ୍ତ କରାଇଅଛୁ, ଆମ୍ଭେ ତାହାର ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରିବା ଓ ଆମ୍ଭ ଇସ୍ରାଏଲ ଲୋକଙ୍କ ମଧ୍ୟରୁ ତାହାକୁ ବିନଷ୍ଟ କରିବା ।
\v 10 ପୁଣି, ସେମାନେ ଆପଣା ଆପଣା ଅଧର୍ମର ଭାର ବହିବେ; ଭବିଷ୍ୟଦ୍‍ବକ୍ତାର ଅଧର୍ମ ଓ ତାହାର ଅନ୍ୱେଷଣକାରୀର ଅଧର୍ମ ଏକ ସମାନ ହେବ;
\v 11 ତହିଁରେ ଇସ୍ରାଏଲ ବଂଶ ଆମ୍ଭଠାରୁ ଆଉ ବିପଥଗାମୀ ହେବେ ନାହିଁ, କିଅବା ଆପଣାମାନଙ୍କର ସକଳ ଆଜ୍ଞା ଲଘଂନ ଦ୍ୱାରା ସେମାନେ ଆଉ ଆପଣାମାନଙ୍କୁ ଅଶୁଚି କରିବେ ନାହିଁ; ମାତ୍ର ସେମାନେ ଆମ୍ଭର ଲୋକ ହେବେ ଓ ଆମ୍ଭେ ସେମାନଙ୍କର ପରମେଶ୍ୱର ହେବା, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି ।"
\s ଯିରୂଶାଲମର ଅମଙ୍ଗଳ ନିଶ୍ଚିତ
\p
\s5
\v 12 ଏଥିଉତ୍ତାରେ ସଦାପ୍ରଭୁଙ୍କର ଏହି ବାକ୍ୟ ମୋ' ନିକଟରେ ଉପସ୍ଥିତ ହେଲା,
\v 13 "ହେ ମନୁଷ୍ୟ-ସନ୍ତାନ, କୌଣସି ଦେଶ ସତ୍ୟ ଲଘଂନ ଦ୍ୱାରା ଆମ୍ଭ ବିରୁଦ୍ଧରେ ପାପ କଲେ, ଯେତେବେଳେ ଆମ୍ଭେ ତାହା ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରୁ, ତାହାର ଅନ୍ନରୂପ ଯଷ୍ଟି ଭାଙ୍ଗୁ ଓ ତହିଁ ମଧ୍ୟକୁ ଦୁର୍ଭିକ୍ଷ ପଠାଉ, ପୁଣି ତହିଁ ମଧ୍ୟରୁ ମନୁଷ୍ୟ ଓ ପଶୁକୁ ଉଚ୍ଛିନ୍ନ କରୁ;
\v 14 ସେତେବେଳେ ନୋହ, ଦାନିୟେଲ ଓ ଆୟୁବ, ଏହି ତିନି ବ୍ୟକ୍ତି ଯଦି ତହିଁ ମଧ୍ୟରେ ଥା'ନ୍ତେ, ତେବେ ସେମାନେ ଆପଣା ଆପଣା ଧାର୍ମିକତା ଦ୍ୱାରା ଆପଣା ପ୍ରାଣ ମାତ୍ର ରକ୍ଷା କରନ୍ତେ," ଏହା ପ୍ରଭୁ, ସଦାପ୍ରଭୁ କହନ୍ତି ।
\s5
\v 15 ଆମ୍ଭେ ଯଦି ଦେଶ ମଧ୍ୟରେ ହିଂସ୍ରକ ପଶୁଗଣକୁ ଗତାୟାତ କରାଉ, ଆଉ ସେମାନେ ତାହା ଏରୂପ ବିନଷ୍ଟ କରନ୍ତି ଯେ, ଦେଶ ଧ୍ୱଂସର ସ୍ଥାନ ହୁଏ ଓ ପଶୁମାନଙ୍କ ଭୟରେ କୌଣସି ମନୁଷ୍ୟ ତହିଁ ମଧ୍ୟରେ ଗତାୟାତ ନ କରେ;
\v 16 ତେବେ ଏହି ତିନି ବ୍ୟକ୍ତି ତହିଁ ମଧ୍ୟରେ ଥିଲେ ହେଁ ପ୍ରଭୁ, ସଦାପ୍ରଭୁ କହନ୍ତି, "ଆମ୍ଭେ ଜୀବିତ ଥିବା ପ୍ରମାଣେ ସେମାନେ ପୁତ୍ର କି କନ୍ୟାଗଣକୁ ଉଦ୍ଧାର କରି ପାରିବେ ନାହିଁ; କେବଳ ସେମାନେ ଉଦ୍ଧାର ପାଇବେ, ମାତ୍ର ଦେଶ ଧ୍ୱଂସସ୍ଥାନ ହେବ ।
\s5
\v 17 ଅଥବା ଆମ୍ଭେ ଯଦି ସେହି ଦେଶ ବିରୁଦ୍ଧରେ ଖଡ଼୍‍ଗ ଆଣୁ, ଆଉ ଆଜ୍ଞା କରୁ, ହେ ଖଡ଼୍‍ଗ, ଦେଶ ମଧ୍ୟ ଦେଇ ଗମନ କର ଓ ଆମ୍ଭେ ମନୁଷ୍ୟ ଓ ପଶୁକୁ ତହିଁ ମଧ୍ୟରୁ ଉଚ୍ଛିନ୍ନ କରୁ";
\v 18 ତେବେ ଏହି ତିନି ବ୍ୟକ୍ତି ତହିଁ ମଧ୍ୟରେ ଥିଲେ ହେଁ ପ୍ରଭୁ, ସଦାପ୍ରଭୁ କହନ୍ତି, "ଆମ୍ଭେ ଜୀବିତ ଥିବା ପ୍ରମାଣେ ସେମାନେ ପୁତ୍ର କିମ୍ବା କନ୍ୟାଗଣକୁ ଉଦ୍ଧାର କରି ପାରିବେ ନାହିଁ, ମାତ୍ର କେବଳ ନିଜେ ନିଜେ ଉଦ୍ଧାର ପ୍ରାପ୍ତ ହେବେ ।"
\s5
\v 19 ଅଥବା ଆମ୍ଭେ ଯଦି ସେହି ଦେଶକୁ ମହାମାରୀ ପଠାଉ, ଆଉ ତହିଁ ମଧ୍ୟରୁ ମନୁଷ୍ୟ ଓ ପଶୁକୁ ଉଚ୍ଛିନ୍ନ କରିବା ପାଇଁ ତହିଁ ଉପରେ ଆମ୍ଭର କୋପ ଢାଳି ରକ୍ତ ବହାଉ;
\v 20 ତେବେ ନୋହ, ଦାନିୟେଲ ଓ ଆୟୁବ ତହିଁ ମଧ୍ୟରେ ଥିଲେ ହେଁ ପ୍ରଭୁ, ସଦାପ୍ରଭୁ କହନ୍ତି, "ଆମ୍ଭେ ଜୀବିତ ଥିବା ପ୍ରମାଣେ ସେମାନେ ପୁତ୍ର କିମ୍ବା କନ୍ୟାକୁ ଉଦ୍ଧାର କରି ପାରିବେ ନାହିଁ; ସେମାନେ ଆପଣା ଆପଣା ଧାର୍ମିକତା ଦ୍ୱାରା କେବଳ ନିଜ ନିଜ ପ୍ରାଣ ଉଦ୍ଧାର କରିବେ ।"
\s5
\v 21 କାରଣ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; "ଆମ୍ଭେ ମନୁଷ୍ୟ ଓ ପଶୁଗଣକୁ ଉଚ୍ଛିନ୍ନ କରିବା ପାଇଁ ଯେତେବେଳେ ଯିରୂଶାଲମ ବିରୁଦ୍ଧରେ ଖଡ଼୍‍ଗ, ଦୁର୍ଭିକ୍ଷ, ହିଂସ୍ରକ ପଶୁ ଓ ମହାମାରୀ, ଆମ୍ଭର ଏହି ଚାରି ମହାଦଣ୍ଡ ପଠାଇବା, ସେତେବେଳେ ଆଉ କେତେ ଅଧିକ ନ ଘଟିବ ?
\s5
\v 22 ତଥାପି ଦେଖ, ତହିଁ ମଧ୍ୟରେ ପୁତ୍ର ଓ କନ୍ୟାଗଣ ଉଭୟର ଅବଶିଷ୍ଟାଂଶ ରହି ବାହାରେ ଅଣାଯିବେ; ଦେଖ, ସେମାନେ ତୁମ୍ଭମାନଙ୍କ ନିକଟକୁ ଆସିବେ ଓ ତୁମ୍ଭେମାନେ ସେମାନଙ୍କର ଆଚାର ବ୍ୟବହାର ଓ କ୍ରିୟାସକଳ ଦେଖିବ; ପୁଣି, ଆମ୍ଭେ ଯିରୂଶାଲମ ଉପରେ ଯେଉଁ ଅମଙ୍ଗଳ ଘଟାଇଅଛୁ, ତାହା ପ୍ରତି ଯେସକଳ ବର୍ତ୍ତାଇଅଛୁ, ତହିଁ ବିଷୟରେ ତୁମ୍ଭେମାନେ ସାନ୍ତ୍ୱନା ପାଇବ ।
\v 23 ଆଉ, ସେମାନେ ତୁମ୍ଭମାନଙ୍କୁ ସାନ୍ତ୍ୱନା କରିବେ, ତୁମ୍ଭେମାନେ ସେମାନଙ୍କର ଆଚାର ବ୍ୟବହାର ଓ କ୍ରିୟା ଦେଖିଲେ ଜାଣିବ ଯେ, ଆମ୍ଭେ ତହିଁ ମଧ୍ୟରେ ଯାହା ଯାହା କରିଅଛୁ, ସେହି ସବୁ ଅକାରଣରେ କରି ନାହୁଁ," ଏହା ପ୍ରଭୁ, ସଦାପ୍ରଭୁ କହନ୍ତି ।
\s5
\c 15
\s ଯିରୂଶାଲମ - ଅଯୋଗ୍ୟ ଦ୍ରାକ୍ଷାଲତା
\p
\v 1 ଏଥିଉତ୍ତାରେ ସଦାପ୍ରଭୁଙ୍କର ଏହି ବାକ୍ୟ ମୋ' ନିକଟରେ ଉପସ୍ଥିତ ହେଲା,
\v 2 "ହେ ମନୁଷ୍ୟ-ସନ୍ତାନ, ଦ୍ରାକ୍ଷାଲତାର ଗଛ, ବନସ୍ଥ ବୃକ୍ଷଗଣ ମଧ୍ୟରେ ସ୍ଥିତ ଦ୍ରାକ୍ଷାଲତାର ଶାଖା, ଅନ୍ୟ ସକଳ ଗଛ ଅପେକ୍ଷା କାହିଁରେ ଅଧିକ ?
\v 3 କୌଣସି କାର୍ଯ୍ୟ ନିମନ୍ତେ କି ତହିଁରୁ କାଠ ନିଆଯିବ ? ଅବା କୌଣସି ପାତ୍ର ଟଙ୍ଗାଇବା ନିମନ୍ତେ କି ଲୋକେ ତହିଁରୁ ମେଖ କରିବେ ?
\v 4 ଦେଖ, ଜାଳ ହେବା ପାଇଁ ତାହା ଅଗ୍ନିରେ ପକାଗଲା; ଅଗ୍ନି ତାହାର ଦୁଇ ମୁଣ୍ଡ ଗ୍ରାସ କଲା ଓ ତହିଁର ମଧ୍ୟଭାଗ ଦଗ୍ଧ ହେଲା ତାହା କି କୌଣସି କାର୍ଯ୍ୟକୁ ଆସିବ ?
\s5
\v 5 ଦେଖ, ଅବିକଳ ଥିବା ବେଳେ ତାହା କୌଣସି କାର୍ଯ୍ୟର ଯୋଗ୍ୟ ନୋହିଲା; ଅଗ୍ନି ଗ୍ରାସ କଲା ଉତ୍ତାରେ ଓ ତାହା ଦଗ୍ଧ ହେଲା ଉତ୍ତାରେ ତାହା କି କୌଣସି କାର୍ଯ୍ୟର ଅଧିକ ଅଯୋଗ୍ୟ ନୋହିବ ?"
\v 6 ଏହେତୁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; "ଦେଖ, ଆମ୍ଭେ ଯେପରି ବନସ୍ଥ ଗଛସବୁର ମଧ୍ୟସ୍ଥିତ ଦ୍ରାକ୍ଷାଲତାକୁ ଅଗ୍ନିରେ ଜାଳ ହେବା ପାଇଁ ନିରୂପଣ କରିଅଛୁ, ସେହିପରି ଆମ୍ଭେ ଯିରୂଶାଲମ ନିବାସୀମାନଙ୍କୁ ନିରୂପଣ କରିବା ।
\s5
\v 7 ପୁଣି, ଆମ୍ଭେ ସେମାନଙ୍କ ବିରୁଦ୍ଧରେ ଆପଣା ମୁଖ ରଖିବା, ସେମାନେ ଅଗ୍ନିରୁ ବାହାରି ଯିବେ, ମାତ୍ର ଅଗ୍ନି ସେମାନଙ୍କୁ ଗ୍ରାସ କରିବ; ପୁଣି, ଆମ୍ଭେ ସେମାନଙ୍କ ବିରୁଦ୍ଧରେ ଆପଣା ମୁଖ ରଖିଲେ, ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ ।
\v 8 ଆଉ, ଆମ୍ଭେ ଦେଶକୁ ଧ୍ୱଂସର ସ୍ଥାନ କରିବା, କାରଣ ସେମାନେ ସତ୍ୟ ଲଘଂନ କରିଅଛନ୍ତି," ଏହା ପ୍ରଭୁ, ସଦାପ୍ରଭୁ କହନ୍ତି ।
\s5
\c 16
\s ଅବିଶ୍ୱସ୍ତ ଯିରୂଶାଲମ
\p
\v 1 ପୁନର୍ବାର ସଦାପ୍ରଭୁଙ୍କର ବାକ୍ୟ ମୋ' ନିକଟରେ ଉପସ୍ଥିତ ହେଲା,
\v 2 "ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଯିରୂଶାଲମକୁ ତାହାର ଘୃଣାଯୋଗ୍ୟ କ୍ରିୟାସକଳ ଜଣାଅ,
\v 3 ଆଉ କୁହ, ପ୍ରଭୁ, ସଦାପ୍ରଭୁ ଯିରୂଶାଲମକୁ ଏହି କଥା କହନ୍ତି: ତୁମ୍ଭର ଉତ୍ପତ୍ତି ଓ ଜନ୍ମସ୍ଥାନ କିଣାନୀୟ ଦେଶ ଅଟେ; ପୁଣି ତୁମ୍ଭର ପିତା ଇମୋରୀୟ ଓ ମାତା ଜଣେ ହିତ୍ତୀୟା ଥିଲା ।
\s5
\v 4 ତୁମ୍ଭ ଜନ୍ମର ବିବରଣ ଏହି, ତୁମ୍ଭେ ଜନ୍ମ ହେବା ଦିନ ତୁମ୍ଭର ନାଭି କଟା ହୋଇ ନ ଥିଲା, କିଅବା ତୁମ୍ଭକୁ ପରିଷ୍କାର କରିବା ପାଇଁ ଜଳରେ ସ୍ନାନ କରାଯାଇ ନ ଥିଲା; ତୁମ୍ଭେ ଲବଣରେ ମଖାଯାଇ ନ ଥିଲ, କିଅବା ପଟୀରେ ଗୁଡ଼ା ଯାଇ ନ ଥିଲ ।
\v 5 ଏହିସବୁ ମଧ୍ୟରୁ କୌଣସି କାର୍ଯ୍ୟ କରିବା ପାଇଁ, ତୁମ୍ଭ ପ୍ରତି ଦୟା ବହିବା ପାଇଁ କେହି ତୁମ୍ଭ ଉପରେ ସ୍ନେହ ଦୃଷ୍ଟି ନ କଲା; ମାତ୍ର ତୁମ୍ଭେ ଜନ୍ମ ହେବା ଦିନ ତୁମ୍ଭର ଘୃଣାଯୋଗ୍ୟ ଅବସ୍ଥା ସକାଶୁ ଖୋଲା ପଡ଼ିଆରେ ଫୋପଡ଼ା ଯାଇଥିଲ ।
\s5
\v 6 ଏଥିଉତ୍ତାରେ ଆମ୍ଭେ ଯେତେବେଳେ ତୁମ୍ଭ ନିକଟ ଦେଇ ଗଲୁ ଓ ତୁମ୍ଭକୁ ରକ୍ତରେ ଛଟପଟ ହେବାର ଦେଖିଲୁ, ସେତେବେଳେ ଆମ୍ଭେ ତୁମ୍ଭକୁ କହିଲୁ, ତୁମ୍ଭେ ନିଜ ରକ୍ତରେ (ଲିପ୍ତ) ଥିଲେ ହେଁ ଜୀବିତ ହୁଅ; ହଁ, ତୁମ୍ଭେ ନିଜ ରକ୍ତରେ (ଲିପ୍ତ) ଥିଲେ ହେଁ ଜୀବିତ ହୁଅ; ଏହି କଥା ଆମ୍ଭେ ତୁମ୍ଭକୁ କହିଲୁ ।
\v 7 ଆମ୍ଭେ କ୍ଷେତ୍ରରେ ଉଦ୍ଭିଦ ପରି ତୁମ୍ଭକୁ ବହୁସଂଖ୍ୟକ କରାଇଲୁ, ତହିଁରେ ତୁମ୍ଭେ ବୃଦ୍ଧି ପାଇ ଅତି ବଡ଼ ହୋଇ ଉଠିଲ ଓ ମହାଶୋଭାରୂପ ଅଳଙ୍କାର ସ୍ୱରୂପ ହେଲ; ତୁମ୍ଭର ସ୍ତନଯୁଗଳ ସୁଡୌଲ ଓ ତୁମ୍ଭର କେଶ ଦୀର୍ଘ ହେଲା; ତଥାପି ତୁମ୍ଭେ ବିବସନା ଓ ଉଲଙ୍ଗିନୀ ଥିଲ ।
\s5
\v 8 ପୁଣି, ଆମ୍ଭେ ଯେତେବେଳେ ତୁମ୍ଭର ନିକଟ ଦେଇ ଗମନ କଲୁ ଓ ତୁମ୍ଭ ପ୍ରତି ଅନାଇଲୁ, ସେତେବେଳେ ଦେଖ, ତୁମ୍ଭର ସେ ସମୟ ତ ପ୍ରେମର ସମୟ; ତହୁଁ ଆମ୍ଭେ ତୁମ୍ଭ ଉପରେ ଆପଣା ବସ୍ତ୍ରାଞ୍ଚଳ ପ୍ରସାରିଲୁ ଓ ତୁମ୍ଭର ଉଲଙ୍ଗତା ଆଚ୍ଛାଦନ କଲୁ; ହଁ, ପ୍ରଭୁ, ସଦାପ୍ରଭୁ କହନ୍ତି, ଆମ୍ଭେ ଶପଥ କରି ତୁମ୍ଭ ସଙ୍ଗେ ନିୟମ ସ୍ଥିର କଲୁ, ତହିଁରେ ତୁମ୍ଭେ ଆମ୍ଭର ହେଲ ।"
\s5
\v 9 ତହୁଁ ଆମ୍ଭେ ତୁମ୍ଭକୁ ଜଳରେ ସ୍ନାନ କରାଇଲୁ, ହଁ, ଆମ୍ଭେ ସମ୍ପୂର୍ଣ୍ଣ ରୂପେ ତୁମ୍ଭ ଦେହରୁ ତୁମ୍ଭର ରକ୍ତ ଧୋଇ ଦେଲୁ ଓ ଆମ୍ଭେ ତୈଳରେ ତୁମ୍ଭକୁ ମର୍ଦ୍ଦନ କଲୁ ।
\v 10 ଆହୁରି, ଆମ୍ଭେ ତୁମ୍ଭକୁ ବିଚିତ୍ର ବସ୍ତ୍ର ପିନ୍ଧାଇଲୁ, ଶିଶୁକ ଚର୍ମର ପାଦୁକା ପିନ୍ଧାଇଲୁ ଓ ଆମ୍ଭେ ଶୁଭ୍ର କ୍ଷୌମ ବସ୍ତ୍ରରେ ତୁମ୍ଭର କଟୀବନ୍ଧନ କରାଇଲୁ, ପୁଣି, ପଟ୍ଟବସ୍ତ୍ରରେ ବିଭୂଷିତା କଲୁ ।
\v 11 ଆହୁରି, ଆମ୍ଭେ ଅଳଙ୍କାରରେ ତୁମ୍ଭକୁ ଭୂଷିତା କଲୁ, ତୁମ୍ଭ ହସ୍ତରେ କଙ୍କଣ ଓ ଗଳଦେଶରେ ହାର ଦେଲୁ ।
\v 12 ପୁଣି, ଆମ୍ଭେ ତୁମ୍ଭ ନାସିକାରେ ନଥ, କର୍ଣ୍ଣରେ କର୍ଣ୍ଣଭୂଷଣ ଓ ମସ୍ତକରେ ସୁନ୍ଦର ମୁକୁଟ ଦେଲୁ ।
\s5
\v 13 ଏରୂପେ ତୁମ୍ଭେ ସୁନା, ରୂପାରେ ବିଭୂଷିତା ହେଲ, ତୁମ୍ଭର ବସ୍ତ୍ର ଶୁଭ୍ର କ୍ଷୌମସୂତ୍ର, ପଟ୍ଟ ଦ୍ୱାରା ନିର୍ମିତ ଓ ଶିଳ୍ପକର୍ମରେ ବିଚିତ୍ର ହେଲା; ତୁମ୍ଭେ ସରୁ ମଇଦା ଓ ମଧୁ ଓ ତୈଳ ଭୋଜନ କଲ । ପୁଣି, ତୁମ୍ଭେ ପରମା ସୁନ୍ଦରୀ ହୋଇ ଅବଶେଷରେ ରାଣୀ ପଦ ପ୍ରାପ୍ତ ହେଲ ।
\v 14 ଆଉ, ତୁମ୍ଭ ସୌନ୍ଦର୍ଯ୍ୟର ସୁଖ୍ୟାତି ନାନା ଦେଶରେ ବ୍ୟାପିଲା; କାରଣ ପ୍ରଭୁ, ସଦାପ୍ରଭୁ କହନ୍ତି, "ଆମ୍ଭେ ଆପଣା ଐଶ୍ୱର୍ଯ୍ୟ ଦ୍ୱାରା ତୁମ୍ଭକୁ ଯେଉଁ ସୌନ୍ଦର୍ଯ୍ୟ ଦେଇଥିଲୁ, ତାହା ସିଦ୍ଧ ଥିଲା ।
\s5
\v 15 ମାତ୍ର ତୁମ୍ଭେ ଆପଣା ସୌନ୍ଦର୍ଯ୍ୟରେ ନିର୍ଭର କରି ନିଜ ସୁଖ୍ୟାତି ସକାଶୁ ବ୍ୟଭିଚାରିଣୀ ହେଲ, ପୁଣି, ଯେକେହି ତୁମ୍ଭ ନିକଟ ଦେଇ ଗଲା; ତାହା ଉପରେ ତୁମ୍ଭର ବ୍ୟଭିଚାରରୂପ ଜଳ ଢାଳିଲ; ତାହା ତାହାର ଭୋଗ ହେଲା ।
\v 16 ପୁଣି, ତୁମ୍ଭେ ଆପଣା ବସ୍ତ୍ରର କିଛି କିଛି ନେଇ ଆପଣା ପାଇଁ ନାନା ରଙ୍ଗରେ ଭୂଷିତ ଉଚ୍ଚସ୍ଥଳୀ ନିର୍ମାଣ କଲ ଓ ତହିଁ ଉପରେ ବ୍ୟଭିଚାର କ୍ରିୟା କଲ; ଏପରି କାର୍ଯ୍ୟ ହେବ ନାହିଁ, କିଅବା ହେବାର ହିଁ ଉଚିତ୍ ନୁହେଁ ।
\s5
\v 17 ଆହୁରି, ଆମ୍ଭର ସୁନା ଓ ଆମ୍ଭର ରୂପାରେ ନିର୍ମିତ ଯେସକଳ ସୁନ୍ଦର ଆଭରଣ ଆମ୍ଭେ ତୁମ୍ଭକୁ ଦେଇଥିଲୁ, ତୁମ୍ଭେ ତାହା ନେଇ ପୁରୁଷାକୃତି ପ୍ରତିମାଗଣ ନିର୍ମାଣ କରି ସେମାନଙ୍କ ସଙ୍ଗେ ବ୍ୟଭିଚାର କଲ;
\v 18 ପୁଣି, ତୁମ୍ଭେ ଆପଣା ବିଚିତ୍ର ବସ୍ତ୍ରସବୁ ନେଇ ସେମାନଙ୍କୁ ପିନ୍ଧାଇଲ ଓ ସେମାନଙ୍କ ସମ୍ମୁଖରେ ଆମ୍ଭର ତୈଳ ଓ ଆମ୍ଭର ଧୂପ ରଖିଲ ।
\v 19 ମଧ୍ୟ ସରୁ ମଇଦା, ତୈଳ ଓ ମଧୁ, ଆଦି ଆମ୍ଭର ଯେଉଁ ଖାଦ୍ୟ ଦ୍ୱାରା ଆମ୍ଭେ ତୁମ୍ଭକୁ ପ୍ରତିପାଳନ କଲୁ, ତାହା ତୁମ୍ଭେ ସୌରଭାର୍ଥେ ସେମାନଙ୍କ ସମ୍ମୁଖରେ ରଖିଲ, ଆଉ ଏପ୍ରକାର ହୋଇଥିଲା," ଏହା ପ୍ରଭୁ, ସଦାପ୍ରଭୁ କହନ୍ତି ।
\s5
\v 20 "ଆହୁରି, ଆମ୍ଭ ନିମନ୍ତେ ତୁମ୍ଭେ ଯେଉଁମାନଙ୍କୁ ଜନ୍ମ କରିଥିଲ, ତୁମ୍ଭେ ଆପଣାର ସେହି ପୁତ୍ର ଓ କନ୍ୟାଗଣକୁ ନେଇ ଗ୍ରାସିତ ହେବା ପାଇଁ ସେମାନଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିଅଛ ।
\v 21 ତୁମ୍ଭେ ଯେ ଆମ୍ଭର ସନ୍ତାନଗଣକୁ ବଧ କରିଅଛ ଓ ଅଗ୍ନିରେ ଗମନ କରାଇ ସେମାନଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିଅଛ, ତୁମ୍ଭର ଏହି ବ୍ୟଭିଚାର କି କ୍ଷୁଦ୍ର ବିଷୟ ?
\v 22 ପୁଣି, ତୁମ୍ଭେ ଆପଣାର ସକଳ ଘୃଣାଯୋଗ୍ୟ ଓ ବ୍ୟଭିଚାର କ୍ରିୟା କରିବା ବେଳେ ଆପଣା ଯୌବନାବସ୍ଥାର ସମୟ, ଅର୍ଥାତ୍‍, ଯେଉଁ ସମୟରେ ତୁମ୍ଭେ ବିବସନା, ଉଲଙ୍ଗିନୀ ଥିଲ ଓ ନିଜ ରକ୍ତରେ ଛଟପଟ ହେଉଥିଲ, ସେହି ସମୟକୁ ସ୍ମରଣ କରି ନାହଁ ।
\s5
\v 23 ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, "ତୁମ୍ଭକୁ ଧିକ୍‍ ଧିକ୍‍" ! ତୁମ୍ଭର ଏହିସବୁ ଦୁଷ୍ଟାଚରଣ ଉତ୍ତାରେ,
\v 24 ତୁମ୍ଭେ ପ୍ରତିମା ପୂଜା କରିବାକୁ ଆପଣା ନିମନ୍ତେ ମନ୍ଦିର ନିର୍ମାଣ କରିଅଛ ଓ ପ୍ରତ୍ୟେକ ଛକରେ ଉଚ୍ଚସ୍ଥଳୀ ନିର୍ମାଣ କରିଅଛ ।
\s5
\v 25 ତୁମ୍ଭେ ପ୍ରତ୍ୟେକ ପଥ ମୁଣ୍ଡରେ ଉଚ୍ଚସ୍ଥଳୀ ପ୍ରସ୍ତୁତ କରିଅଛ ଓ ଆପଣାର ସୌନ୍ଦର୍ଯ୍ୟକୁ ଘୃଣାଯୋଗ୍ୟ କରିଅଛ ଓ ପ୍ରତ୍ୟେକ ପଥିକ ପାଇଁ ଆପଣାର ପାଦଦ୍ୱୟ ଅନାବୃତ କରିଅଛ, ଆଉ ଆପଣାର ବ୍ୟଭିଚାର କ୍ରିୟା ବଢ଼ାଇଅଛ ।
\v 26 ଆହୁରି, ତୁମ୍ଭେ ଆପଣାର କାମୁକତା ପ୍ରତିବାସୀ, ମିସ୍ରୀୟମାନଙ୍କ ସହିତ ବ୍ୟଭିଚାର କରିଅଛ ଓ ଆମ୍ଭକୁ ବିରକ୍ତ କରିବା ପାଇଁ ଆପଣା ବ୍ୟଭିଚାର କ୍ରିୟା ବଢ଼ାଇଅଛ ।
\s5
\v 27 ଏହେତୁ ଦେଖ, ଆମ୍ଭେ ତୁମ୍ଭ ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରି ତୁମ୍ଭର ଦୈନିକ ଖାଦ୍ୟ ଊଣା କରିଅଛୁ ଓ ଯେଉଁମାନେ ତୁମ୍ଭକୁ ଘୃଣା କରନ୍ତି, ତୁମ୍ଭ ଭ୍ରଷ୍ଟାଚରଣରେ ଲଜ୍ଜିତ ଅଟନ୍ତି, ସେହି ପଲେଷ୍ଟୀୟ କନ୍ୟାମାନଙ୍କ ଇଚ୍ଛାରେ ତୁମ୍ଭକୁ ସମର୍ପଣ କଲୁ ।
\v 28 ତୁମ୍ଭେ ଅତୃପ୍ତ ହେବାରୁ ଅଶୂରୀୟମାନଙ୍କ ସହିତ ବ୍ୟଭିଚାର କରିଅଛ; ହଁ, ତୁମ୍ଭେ ସେମାନଙ୍କ ସଙ୍ଗେ ବ୍ୟଭିଚାର କଲେ ହେଁ ତୃପ୍ତା ହୋଇ ନାହଁ ।
\v 29 ଆହୁରି, ତୁମ୍ଭେ କିଣାନ ଦେଶରେ କଲ୍‍ଦୀୟ ପର୍ଯ୍ୟନ୍ତ ଆପଣା ବ୍ୟଭିଚାର କ୍ରିୟା ବୃଦ୍ଧି କରିଅଛ; ପୁଣି, ତହିଁରେ ହେଁ ତୃପ୍ତା ହୋଇ ନାହଁ ।
\s5
\v 30 ପ୍ରଭୁ, ସଦାପ୍ରଭୁ କହନ୍ତି, ତୁମ୍ଭର ହୃଦୟ କିପରି ଦୁର୍ବଳ, ଏଥିପାଇଁ ତୁମ୍ଭେ ସ୍ଵେଚ୍ଛାଚାରିଣୀ ବେଶ୍ୟା ସ୍ତ୍ରୀ ପରି ଏହିସବୁ କାର୍ଯ୍ୟ କରିଅଛ ।"
\v 31 ତୁମ୍ଭେ ପ୍ରତ୍ୟେକ ପଥ ମୁଣ୍ଡରେ ଆପଣା ଉଚ୍ଚ ସ୍ଥାନ ନିର୍ମାଣ କରୁଅଛ ଓ ପ୍ରତ୍ୟେକ ଛକରେ ମଞ୍ଚ ପ୍ରସ୍ତୁତ କରୁଅଛ; ପୁଣି, ତୁମ୍ଭେ ବେଶ୍ୟା ପରି ନ ହୋଇ ଭଡ଼ା ତୁଚ୍ଛ କରିଅଛ ।
\s5
\v 32 ତୁମ୍ଭେ ତ ବ୍ୟଭିଚାରିଣୀ ଭାର୍ଯ୍ୟା ! ତୁମ୍ଭେ ତ ଆପଣା ସ୍ୱାମୀ ବଦଳରେ ଅଜଣା ଲୋକଙ୍କୁ ଗ୍ରହଣ କରୁଅଛ ।
\v 33 ଲୋକେ ବେଶ୍ୟାମାନଙ୍କୁ ଭଡ଼ା ଦିଅନ୍ତି; ମାତ୍ର ତୁମ୍ଭେ ଆପଣା ପ୍ରେମିକ ସମସ୍ତଙ୍କୁ ଭଡ଼ା ଦେଉଅଛ, ଆଉ ତୁମ୍ଭର ବେଶ୍ୟାବୃତ୍ତି କ୍ରମେ ସେମାନେ ଯେପରି ଚତୁର୍ଦ୍ଦିଗରୁ ତୁମ୍ଭ ନିକଟକୁ ଆସନ୍ତି, ଏଥିପାଇଁ ତୁମ୍ଭେ ସେମାନଙ୍କୁ ଲାଞ୍ଚ ଦେଉଅଛ ।
\v 34 ପୁଣି, ଅନ୍ୟ ସ୍ତ୍ରୀମାନଙ୍କ ଅପେକ୍ଷା ତୁମ୍ଭ ବେଶ୍ୟାବୃତ୍ତିର ପ୍ରଭେଦ ଏହି ଯେ, ତୁମ୍ଭ ସଙ୍ଗେ ବ୍ୟଭିଚାର କରିବା ପାଇଁ କେହି ତୁମ୍ଭର ପଶ୍ଚାଦଗାମୀ ହୁଏ ନାହିଁ; ଆଉ, ତୁମ୍ଭେ ଭଡ଼ା ଦେଲେ ହେଁ ତୁମ୍ଭକୁ କିଛି ଭଡ଼ା ଦିଆଯାଏ ନାହିଁ, ଏଥିପାଇଁ ତୁମ୍ଭର କ୍ରିୟା ବିପରୀତ ଅଟେ ।
\s5
\v 35 ଏହେତୁ ହେ ବେଶ୍ୟା, ସଦାପ୍ରଭୁଙ୍କର ବାକ୍ୟ ଶୁଣ;
\v 36 ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, "ତୁମ୍ଭର ଅଶୁଚିତା ଢଳା ଯାଇଅଛି ଓ ତୁମ୍ଭର ପ୍ରେମିକଗଣର ସଙ୍ଗେ ତୁମ୍ଭର ବ୍ୟଭିଚାର ହେତୁ ତୁମ୍ଭର ଉଲଙ୍ଗତା ଅନାବୃତ ହୋଇଅଛି, ଏଥିପାଇଁ, ପୁଣି, ତୁମ୍ଭର ଘୃଣାଯୋଗ୍ୟ ସକଳ ଦେବତାର ନିମନ୍ତେ ଓ ତୁମ୍ଭେ ସେମାନଙ୍କୁ ଆପଣା ସନ୍ତାନଗଣର ଯେଉଁ ରକ୍ତ ଦେଇଅଛ; ତହିଁ ସକାଶୁ;
\v 37 ଦେଖ, ତୁମ୍ଭେ ଯେଉଁମାନଙ୍କଠାରେ ସନ୍ତୋଷ ପାଇଅଛ, ତୁମ୍ଭର ସେହି ପ୍ରେମିକ ସମସ୍ତଙ୍କୁ, ଆଉ ଯେଉଁମାନଙ୍କୁ ତୁମ୍ଭେ ପ୍ରେମ କରିଅଛ ଓ ଯେଉଁମାନଙ୍କୁ ତୁମ୍ଭେ ଘୃଣା କରିଅଛ, ସେହି ସମସ୍ତଙ୍କୁ ଆମ୍ଭେ ଏକତ୍ର କରିବା; ଆମ୍ଭେ ତୁମ୍ଭ ବିରୁଦ୍ଧରେ ଚତୁର୍ଦ୍ଦିଗରୁ ସେମାନଙ୍କୁ ଏକତ୍ର କରି ସେମାନଙ୍କ ଆଗରେ ତୁମ୍ଭର ଉଲଙ୍ଗତା ଅନାବୃତ କରିବା, ତହିଁରେ ସେମାନେ ତୁମ୍ଭର ସମସ୍ତ ଉଲଙ୍ଗତା ଦେଖିବେ ।
\s5
\v 38 ବିବାହ ନିୟମ ଲଘଂନକାରିଣୀ ଓ ରକ୍ତପାତ-କାରିଣୀ ସ୍ତ୍ରୀମାନେ ଯେରୂପ ବିଚାରିତା ହୁଅନ୍ତି, ସେରୂପ ଆମ୍ଭେ ତୁମ୍ଭର ବିଚାର କରିବା ଏବଂ କୋପ ଓ ଅନ୍ତର୍ଜ୍ୱାଳାର ରକ୍ତ ତୁମ୍ଭ ଉପରେ ଉପସ୍ଥିତ କରିବା ।
\v 39 ଆମ୍ଭେ, ମଧ୍ୟ ତୁମ୍ଭକୁ ସେମାନଙ୍କ ହସ୍ତରେ ସମର୍ପଣ କରିବା, ତହିଁରେ ସେମାନେ ତୁମ୍ଭର ମନ୍ଦିର ସ୍ଥାନସବୁ ଭାଙ୍ଗି ପକାଇବେ ଓ ଉଚ୍ଚସ୍ଥଳୀସବୁ ଉତ୍ପାଟନ କରିବେ; ପୁଣି, ସେମାନେ ତୁମ୍ଭକୁ ବିବସନା କରି ତୁମ୍ଭର ସୁନ୍ଦର ଅଳଙ୍କାରସବୁ ହରଣ କରି ନେବେ; ଆଉ, ସେମାନେ ତୁମ୍ଭକୁ ବିବସନା ଓ ଉଲଙ୍ଗିନୀ କରି ଛାଡ଼ି ଦେବେ ।
\s5
\v 40 ଆହୁରି, ସେମାନେ ତୁମ୍ଭ ବିରୁଦ୍ଧରେ ଏକ ସମାଜ ଆଣି ତୁମ୍ଭକୁ ପ୍ରସ୍ତରାଘାତ କରିବେ ଓ ଆପଣା ଆପଣା ଖଡ୍‌ଗରେ ତୁମ୍ଭକୁ ବିନ୍ଧିବେ ।
\v 41 ପୁଣି, ସେମାନେ ତୁମ୍ଭର ଗୃହସବୁ ଅଗ୍ନିରେ ଦଗ୍ଧ କରିବେ ଓ ଅନେକ ସ୍ତ୍ରୀଲୋକଙ୍କ ସାକ୍ଷାତରେ ତୁମ୍ଭ ଉପରେ ଦଣ୍ଡାଜ୍ଞା ସଫଳ କରିବେ; ପୁଣି, ଆମ୍ଭେ ତୁମ୍ଭକୁ ବ୍ୟଭିଚାର କ୍ରିୟାରୁ ନିବୃତ୍ତ କରାଇବା, ତୁମ୍ଭେ ମଧ୍ୟ ଆଉ ଭଡ଼ା ଦେବ ନାହିଁ ।
\v 42 ଏହିରୂପେ ତୁମ୍ଭ ପ୍ରତି ଆମ୍ଭର କୋପ ଶାନ୍ତ ହେବ, ତୁମ୍ଭଠାରୁ ଆମ୍ଭର ଅନ୍ତର୍ଜ୍ୱାଳା ଯିବ ଓ ଆମ୍ଭେ କ୍ଷାନ୍ତ ହୋଇ ଆଉ କ୍ରୋଧ କରିବା ନାହିଁ ।
\s5
\v 43 ତୁମ୍ଭେ ଆପଣା ଯୌବନାବସ୍ଥା ସ୍ମରଣ କରି ନାହଁ, ମାତ୍ର ଏହିସବୁ ବିଷୟରେ ଆମ୍ଭକୁ ବିରକ୍ତ କରିଅଛ" , ଏହେତୁ ଦେଖ, ପ୍ରଭୁ, ସଦାପ୍ରଭୁ କହନ୍ତି, ଆମ୍ଭେ ହିଁ ତୁମ୍ଭ କାର୍ଯ୍ୟର ଫଳ ତୁମ୍ଭ ମସ୍ତକରେ ବର୍ତ୍ତାଇବା, ତହିଁରେ ତୁମ୍ଭେ ଆପଣାର ସକଳ ଘୃଣାଯୋଗ୍ୟ କ୍ରିୟା ଉପରେ ଏପ୍ରକାର ଭ୍ରଷ୍ଟାଚରଣ କରିବ ନାହିଁ ।
\s5
\v 44 ଦେଖ, ଯେକେହି ପ୍ରବାଦ ବ୍ୟବହାର କରେ, ସେ ତୁମ୍ଭ ବିରୁଦ୍ଧରେ ଏହି ପ୍ରବାଦ ବ୍ୟବହାର କରିବ ଯଥା; ମାତା ଯେସନ, କନ୍ୟା ତେସନ ।
\v 45 ତୁମ୍ଭେ ଆପଣା ମାତାର କନ୍ୟା, ସେ ଆପଣା ସ୍ୱାମୀକୁ ଓ ସନ୍ତାନମାନଙ୍କୁ ଘୃଣା କରେ; ତୁମ୍ଭେ ନିଜ ଭଗିନୀଗଣର ଭଗିନୀ, ସେମାନେ ଆପଣା ଆପଣା ସ୍ୱାମୀକୁ ଓ ସନ୍ତାନଗଣକୁ ଘୃଣା କଲେ; ତୁମ୍ଭମାନଙ୍କର ମାତା ଜଣେ ହିତ୍ତୀୟା ଓ ତୁମ୍ଭମାନଙ୍କର ପିତା ଜଣେ ଇମୋରୀୟ ଥିଲା ।
\s5
\v 46 ପୁଣି, ଶମରୀୟା ତୁମ୍ଭର ବଡ଼ ଭଗିନୀ, ସେ ଆପଣା କନ୍ୟାଗଣ ସହିତ ତୁମ୍ଭର ଉତ୍ତର ଦିଗରେ ବାସ କରେ; ଆଉ, ସଦୋମ ତୁମ୍ଭର ସାନ ଭଗିନୀ, ସେ ଓ ତାହାର କନ୍ୟାଗଣ ତୁମ୍ଭର ଦକ୍ଷିଣ ଦିଗରେ ବାସ କରନ୍ତି ।
\s5
\v 47 ତଥାପି ତୁମ୍ଭେ ସେମାନଙ୍କ ପଥରେ ଗମନ କରି ନାହଁ, କିଅବା ସେମାନଙ୍କର ଘୃଣାଯୋଗ୍ୟ କ୍ରିୟାନୁସାରେ କର୍ମ କରି ନାହଁ; ମାତ୍ର ତାହା ଅତି କ୍ଷୁଦ୍ର ଥିଲା ପରି ମନେକରି, ତୁମ୍ଭେ ଆପଣାର ସମସ୍ତ ଆଚାର ବ୍ୟବହାରରେ ସେମାନଙ୍କ ଅପେକ୍ଷା ଅଧିକ ଭ୍ରଷ୍ଟା ହୋଇଅଛ ।
\v 48 ପ୍ରଭୁ, ସଦାପ୍ରଭୁ କହନ୍ତି, "ଆମ୍ଭେ ଜୀବିତ ଥିବା ପ୍ରମାଣେ କହୁଅଛୁ, ତୁମ୍ଭର ଭଗିନୀ ସଦୋମ, ତାହାର କନ୍ୟାଗଣ ତୁମ୍ଭ ପରି ଓ ତୁମ୍ଭ କନ୍ୟାଗଣ ପରି କର୍ମ କରି ନାହାନ୍ତି ।
\s5
\v 49 ଦେଖ, ତୁମ୍ଭ ଭଗିନୀ ସଦୋମର ଏହି ଅଧର୍ମ ଥିଲା; ତାହାର ଓ ତାହାର କନ୍ୟାଗଣର ଅହଙ୍କାର, ଭକ୍ଷ୍ୟର ପୂର୍ଣ୍ଣତା ଓ ସମୃଦ୍ଧି ଜନିତ ଶାନ୍ତି ଥିଲା, ସେ ଦରିଦ୍ର ଓ ଦୀନହୀନଙ୍କର ହସ୍ତ ସବଳ କଲା ନାହିଁ ।
\v 50 ପୁଣି, ସେମାନେ ଅହଙ୍କାରିଣୀ ଥିଲେ ଓ ଆମ୍ଭ ସମ୍ମୁଖରେ ଘୃଣାଯୋଗ୍ୟ କ୍ରିୟା କଲେ; ଏହେତୁ ଆମ୍ଭକୁ ଯେପରି ଭଲ ଦିଶିଲା, ସେହିପରି ଆମ୍ଭେ ସେମାନଙ୍କୁ ଦୂର କଲୁ ।
\s5
\v 51 ପୁଣି, ଶମରୀୟା ତୁମ୍ଭ ପାପର ଅର୍ଦ୍ଧେକ ପାପ କରି ନାହିଁ; ମାତ୍ର ତୁମ୍ଭେ ସେମାନଙ୍କ ଅପେକ୍ଷା ଆପଣା ଘୃଣାଯୋଗ୍ୟ କ୍ରିୟା ଅଧିକ ବଢ଼ାଇଅଛ ଓ ଆପଣାର କୃତ ସକଳ ଘୃଣାଯୋଗ୍ୟ କ୍ରିୟା ଦ୍ୱାରା ତୁମ୍ଭେ ଆପଣା ଭଗିନୀଗଣକୁ ଧାର୍ମିକ ପରି କରିଅଛ ।
\v 52 ତୁମ୍ଭେ ଆପଣା ଭଗିନୀଗଣର ପକ୍ଷରେ ବିଚାର ନିଷ୍ପତ୍ତି କରିବାରୁ ଆପଣା ଅପମାନ ଆପେ ଭୋଗ କର; ସେମାନଙ୍କ ଅପେକ୍ଷା ତୁମ୍ଭର କୃତ ଅଧିକ ଘୃଣାଯୋଗ୍ୟ ପାପସମୂହ ଦ୍ୱାରା ସେମାନେ ତୁମ୍ଭ ଅପେକ୍ଷା ଧାର୍ମିକ ହୋଇଅଛନ୍ତି; ହଁ, ତୁମ୍ଭେ ଆପଣା ଭଗିନୀଗଣକୁ ଧାର୍ମିକ କରିଅଛ, ଏଥିପାଇଁ ତୁମ୍ଭେ ମଧ୍ୟ ଲଜ୍ଜିତ ହୁଅ ଓ ଆପଣା ଅପମାନ ଭୋଗ କର ।
\s5
\v 53 ପୁଣି, ଆମ୍ଭେ ସେମାନଙ୍କର ବନ୍ଦୀତ୍ୱାବସ୍ଥା, ଅର୍ଥାତ୍‍, ସଦୋମ ଓ ତାହାର କନ୍ୟାଗଣର ବନ୍ଦୀତ୍ୱାବସ୍ଥା, ଶମରୀୟା ଓ ତାହାର କନ୍ୟାଗଣର ବନ୍ଦୀତ୍ୱାବସ୍ଥା, ପୁଣି, ସେମାନଙ୍କ ମଧ୍ୟବର୍ତ୍ତୀ ତୁମ୍ଭର ବନ୍ଦୀଗଣର ବନ୍ଦୀତ୍ୱାବସ୍ଥା ପରିବର୍ତ୍ତନ କରିବା;
\v 54 ତହିଁରେ ତୁମ୍ଭେ ଆପଣା ଅପମାନ ଭୋଗ କରିବ ଓ ସେମାନଙ୍କ ପ୍ରତି ସାନ୍ତ୍ୱନା ସ୍ୱରୂପ ହୋଇ ଯାହା ଯାହା କରିଅଛ, ସେହିସବୁ ସକାଶୁ ଲଜ୍ଜିତ ହେବ ।
\v 55 ପୁଣି, ତୁମ୍ଭର ଭଗିନୀଗଣ, ଅର୍ଥାତ୍‍, ସଦୋମ ଓ ତାହାର କନ୍ୟାଗଣ ସେମାନଙ୍କର ପୂର୍ବ ଦଶା ପ୍ରାପ୍ତ ହେବେ, ଶମରୀୟା ଓ ତାହାର କନ୍ୟାଗଣ ସେମାନଙ୍କର ପୂର୍ବ ଦଶା ପ୍ରାପ୍ତ ହେବେ, ଆଉ ତୁମ୍ଭେ ଓ ତୁମ୍ଭର କନ୍ୟାଗଣ ତୁମ୍ଭମାନଙ୍କର ପୂର୍ବ ଦଶା ପ୍ରାପ୍ତ ହେବ ।
\s5
\v 56 କାରଣ ତୁମ୍ଭର ଆତ୍ମପ୍ରଶଂସାର ସମୟରେ ତୁମ୍ଭେ ଆପଣା ଭଗିନୀ ସଦୋମର ନାମ ମୁଖରେ ଆଣି ନ ଥିଲ ।
\v 57 ସେହି ସମୟରେ ତୁମ୍ଭର ଦୁଷ୍ଟତା ପ୍ରକାଶ ପାଇ ନ ଥିଲା, ପାଇଲା ଉତ୍ତାରେ ତୁମ୍ଭର ତୁଚ୍ଛକାରିଣୀ ଅରାମର କନ୍ୟାଗଣ ଓ ତାହାର ଚତୁର୍ଦ୍ଦିଗ ନିବାସିନୀ ସମସ୍ତେ, ପଲେଷ୍ଟୀୟମାନଙ୍କର କନ୍ୟାଗଣ ଚାରି ଦିଗରେ ତୁମ୍ଭର ଅପମାନ କଲେ ।
\v 58 ସଦାପ୍ରଭୁ କହନ୍ତି, "ତୁମ୍ଭେ ଆପଣା ବ୍ୟଭିଚାର ଓ ଘୃଣାଯୋଗ୍ୟ କ୍ରିୟାର ଭାର ବହିଅଛ ।"
\s ଅନନ୍ତକାଳୀନ ଚୁକ୍ତି
\p
\s5
\v 59 କାରଣ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, "ତୁମ୍ଭେ ଶପଥ ଅବଜ୍ଞା କରି ନିୟମ ଯେପରି ଭଗ୍ନ କରିଅଛ, ଆମ୍ଭେ ତୁମ୍ଭ ପ୍ରତି ସେହିରୂପ ବ୍ୟବହାର କରିବା ।
\s5
\v 60 ତଥାପି ତୁମ୍ଭ ଯୌବନାବସ୍ଥାରେ ତୁମ୍ଭ ସହିତ ଆମ୍ଭ କୃତ ନିୟମ ଆମ୍ଭେ ସ୍ମରଣ କରିବା ଓ ତୁମ୍ଭ ପକ୍ଷରେ ଆମ୍ଭେ ଅନନ୍ତକାଳସ୍ଥାୟୀ ଏକ ନିୟମ ସ୍ଥାପନ କରିବା ।
\v 61 ସେହି ସମୟରେ ଯେତେବେଳେ ତୁମ୍ଭେ ଆପଣା ଭଗିନୀଗଣକୁ, ତୁମ୍ଭର ବଡ଼ ଓ ସାନ ଭଗିନୀଗଣକୁ ଗ୍ରହଣ କରିବ, ସେତେବେଳେ ତୁମ୍ଭେ ଆପଣା ଆଚାର ବ୍ୟବହାର ସ୍ମରଣ କରି ଲଜ୍ଜିତ ହେବ; ଆଉ, ଆମ୍ଭେ ସେମାନଙ୍କୁ କନ୍ୟା ରୂପେ ତୁମ୍ଭକୁ ଦେବା, ମାତ୍ର ତୁମ୍ଭର ନିୟମାନୁକ୍ରମେ ନୁହେଁ ।
\s5
\v 62 ପୁଣି, ଆମ୍ଭେ ତୁମ୍ଭ ସହିତ ଆପଣା ନିୟମ ସ୍ଥିର କରିବା; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେ ଜାଣିବ ।
\v 63 ତୁମ୍ଭେ ଯାହା ଯାହା କରିଅଛ, ତୁମ୍ଭର ସେହି ସବୁ ଯେତେବେଳେ ଆମ୍ଭେ କ୍ଷମା କରିବା, ସେତେବେଳେ ତୁମ୍ଭେ ସ୍ମରଣ କରି ଲଜ୍ଜିତ ହେବ ଓ ନିଜ ଅପମାନ ହେତୁ ଆଉ କେବେ ଆପଣା ମୁଖ ଫିଟାଇବ ନାହିଁ ।" ଏହା ପ୍ରଭୁ, ସଦାପ୍ରଭୁ କହନ୍ତି ।
\s5
\c 17
\s ଉତ୍କ୍ରୋଶ ପକ୍ଷୀ ଓ ଦ୍ରାକ୍ଷାଲତାର ଏକ ଦୃଷ୍ଟାନ୍ତ
\p
\v 1 ଏଥିଉତ୍ତାରେ ସଦାପ୍ରଭୁଙ୍କର ଏହି ବାକ୍ୟ ମୋ' ନିକଟରେ ଉପସ୍ଥିତ ହେଲା,
\v 2 "ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଇସ୍ରାଏଲ ବଂଶ ନିକଟରେ ଗୋଟିଏ ପ୍ରହେଳିକା ଉତ୍‍ଥାପନ କର ଓ ଏକ ଦୃଷ୍ଟାନ୍ତ କଥା କୁହ;
\v 3 ତୁମ୍ଭେ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ଗୋଟିଏ ବଡ଼ ଉତ୍କ୍ରୋଶ ପକ୍ଷୀର ପକ୍ଷ ଥିଲା, ତାହାର ପକ୍ଷ ବଡ଼, ଡେଣା ଦୀର୍ଘ ଓ ଚିତ୍ରବିଚିତ୍ର ଲୋମରେ ପରିପୂର୍ଣ୍ଣ, ସେ ଲିବାନୋନକୁ ଆସି ଏରସ ବୃକ୍ଷର ଅଗ୍ରଭାଗ ନେଇଗଲା:
\v 4 ସେ ତହିଁର ସାନ ସାନ ପଲ୍ଲବର ଉଚ୍ଚତମ ପଲ୍ଲବ କାଟି ବାଣିଜ୍ୟ ଦେଶକୁ ନେଇ ବଣିକମାନଙ୍କର ଗୋଟିଏ ନଗରରେ ରଖିଲା ।
\s5
\v 5 ଆହୁରି, ସେ ଦେଶର ବୀଜ ନେଇ ଏକ ଉର୍ବର ଭୂମିରେ ତାହା ରୋପଣ କଲା; ସେ ଜଳରାଶିର ନିକଟରେ ବାଇଶୀ ବୃକ୍ଷ ତୁଲ୍ୟ ତାହା ରୋପଣ କଲା ।
\v 6 ତହୁଁ ତାହା ବଢ଼ି ଅଳ୍ପ ଉଚ୍ଚ ଦ୍ରାକ୍ଷାଲତା ପରି ବଢ଼ିଲା, ତହିଁର ଶାଖାସବୁ ତାହାର ସମ୍ମୁଖ ହେଲା ଓ ତହିଁର ମୂଳ ତାହାର ତଳେ ରହିଲା; ଏହି ପ୍ରକାରେ ତାହା ଦ୍ରାକ୍ଷାଲତା ହୋଇ ଶାଖାବିଶିଷ୍ଟ ଓ ପଲ୍ଲବିତ ହେଲା ।
\s5
\v 7 ପୁଣି, ଆଉ ଗୋଟିଏ ବଡ଼ ବଡ଼ ପକ୍ଷ ଓ ଅନେକ ଲୋମବିଶିଷ୍ଟ ବୃହତ ଉତ୍କ୍ରୋଶ ପକ୍ଷୀ ଥିଲା; ଆଉ ଦେଖ, ସେହି ଦ୍ରାକ୍ଷାଲତା ଜଳରେ ସେଚିତ ହେବା ପାଇଁ ଆପଣା ରୋପିତ ହେବା କିଆରୀରୁ ତାହାର ପ୍ରତି ଆପଣା ମୂଳ ବକ୍ର କରି ଶାଖା ବିସ୍ତାର କଲା ।
\v 8 ତାହା ଯେପରି ଶାଖାବିଶିଷ୍ଟ ଓ ଫଳବତୀ ହୋଇ ଉତ୍ତମ ଦ୍ରାକ୍ଷାଲତା ହେବ, ଏଥିପାଇଁ ତାହା ଜଳରାଶିର ନିକଟସ୍ଥ ଉର୍ବର ଭୂମିରେ ରୋପିତ ହୋଇଥିଲା ।
\s5
\v 9 ତୁମ୍ଭେ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ତାହା କି କୃତକାର୍ଯ୍ୟ ହେବ ? ତାହା ଯେପରି ଶୁଷ୍କ ହେବ, ଏଥିପାଇଁ ସେ କି ତହିଁର ମୂଳ ଉପାଡ଼ି ତହିଁର ଫଳ କାଟି ପକାଇବ ନାହିଁ ? ମହାପରାକ୍ରମ ଓ ଅନେକ ଲୋକ ବିହୁନେ ହିଁ ତହିଁର ମୂଳ ଉତ୍ପାଟିତ ହୋଇ ତହିଁର ଅଙ୍କୁରିତ ନବୀନ ପତ୍ରସବୁ କି ମ୍ଳାନ ହେବ ନାହିଁ ?"
\v 10 ହଁ, ଦେଖ, ରୋପିତ ହୋଇଅଛି ବୋଲି ତାହା କି କୃତକାର୍ଯ୍ୟ ହେବ ? ପୂର୍ବୀୟ ବାୟୁ ସ୍ପର୍ଶ କଲେ ତାହା କି ସମ୍ପୂର୍ଣ୍ଣ ରୂପେ ଶୁଷ୍କ ହୋଇ ନ ଯିବ ? ବଢ଼ିବା କିଆରୀରେ ତାହା ଶୁଷ୍କ ହୋଇଯିବ ।
\s5
\v 11 ଆହୁରି, ସଦାପ୍ରଭୁଙ୍କର ବାକ୍ୟ ମୋ' ନିକଟରେ ଉପସ୍ଥିତ ହେଲା,
\v 12 "ତୁମ୍ଭେ ସେହି ବିଦ୍ରୋହୀ-ବଂଶକୁ କୁହ, ତୁମ୍ଭେମାନେ କି ଏହିସବୁର ତାତ୍ପର୍ଯ୍ୟ ଜାଣ ନାହିଁ ? ସେମାନଙ୍କୁ କୁହ, ଦେଖ, ବାବିଲର ରାଜା ଯିରୂଶାଲମକୁ ଆସି ତହିଁର ରାଜାକୁ ଓ ତହିଁର ଅଧିପତିଗଣକୁ ଆପଣାର ନିକଟକୁ ବାବିଲକୁ ନେଇ ଗଲା;
\s5
\v 13 ପୁଣି, ରାଜ୍ୟ ଯେପରି ଅବନତ ହୋଇ ଆଉ ଉନ୍ନତ ନୋହିବ, ମାତ୍ର ତାହାର ନିୟମ ପାଳନ କରି ଯେପରି ସ୍ଥିର ହେବ, ଏଥିପାଇଁ
\v 14 ସେ ରାଜବଂଶରୁ ଗୋଟିଏ ବୀଜ ନେଇ ତାହା ସଙ୍ଗେ ନିୟମ କଲା, ମଧ୍ୟ ତାହାକୁ ଶପଥାଧୀନ କଲା ଓ ଦେଶର ପରାକ୍ରମୀ ଲୋକମାନଙ୍କୁ ନେଇଗଲା ।
\s5
\v 15 ମାତ୍ର ସେ ଅଶ୍ୱଗଣ ଓ ଅନେକ ଲୋକ ପାଇବା ନିମନ୍ତେ ମିସରକୁ ଆପଣା ଦୂତଗଣ ପଠାଇ ବାବିଲ ରାଜାର ବିଦ୍ରୋହୀ ହେଲା । ସେ କି କୃତକାର୍ଯ୍ୟ ହେବ ? ଯେ ଏପରି କାର୍ଯ୍ୟ କରେ, ସେ କି ରକ୍ଷା ପାଇବ ? ସେ ନିୟମ ଲଙ୍ଘନ କରି କି ରକ୍ଷା ପାଇବ ?
\v 16 ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ଆମ୍ଭେ ଜୀବିତ ଥିବା ପ୍ରମାଣେ ଯେଉଁ ରାଜା ତାହାକୁ ରାଜା କଲା, ଯାହାର ଶପଥ ସେ ତୁଚ୍ଛ କଲା ଓ ଯାହାର ନିୟମ ସେ ଭାଙ୍ଗିଲା, ସେହି ରାଜାର ବାସସ୍ଥାନ ବାବିଲ ମଧ୍ୟରେ ଓ ତାହାର ନିକଟରେ, ସେ ନିଶ୍ଚୟ ମରିବ ।
\s5
\v 17 ପୁଣି, ଅନେକ ଲୋକଙ୍କୁ ଉଚ୍ଛିନ୍ନ କରିବା ପାଇଁ ସେମାନେ ଯେତେବେଳେ ବନ୍ଧ ବାନ୍ଧିବେ ଓ ଗଡ଼ ନିର୍ମାଣ କରିବେ, ସେତେବେଳେ ଫାରୋ ଆପଣାର ପରାକ୍ରାନ୍ତ ସୈନ୍ୟସାମନ୍ତ ଓ ମହାସୈନ୍ୟଦଳ ଦ୍ୱାରା ଯୁଦ୍ଧରେ ତାହାର ସାହାଯ୍ୟ କରିବ ନାହିଁ ।
\v 18 କାରଣ, ସେ ନିୟମ ଭଗ୍ନ କରି ଶପଥ ତୁଚ୍ଛ କରିଅଛି ଓ ଦେଖ, ସେ ଆପଣା ହସ୍ତ ଦେଲେ ହେଁ ଏହିସବୁ କାର୍ଯ୍ୟ କରିଅଛି; ସେ ରକ୍ଷା ପାଇବ ନାହିଁ ।
\s5
\v 19 ଏହେତୁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ସେ ଆମ୍ଭର ଯେଉଁ ଶପଥ ତୁଚ୍ଛ କରିଅଛି ଓ ଆମ୍ଭର ଯେଉଁ ନିୟମ ଭଙ୍ଗ କରିଅଛି, ଆମ୍ଭେ ଜୀବିତ ଥିବା ପ୍ରମାଣେ ନିଶ୍ଚୟ ତହିଁର ପ୍ରତିଫଳ ତାହାର ମସ୍ତକରେ ବର୍ତ୍ତାଇବା ।
\v 20 ପୁଣି, ଆମ୍ଭେ ଆପଣା ଜାଲ ତାହା ଉପରେ ପ୍ରସାରିବା ଓ ସେ ଆମ୍ଭ ଫାନ୍ଦରେ ଧରାଯିବ, ଆଉ ଆମ୍ଭେ ତାହାକୁ ବାବିଲକୁ ନେଇଯିବା ଓ ସେ ଆମ୍ଭ ବିରୁଦ୍ଧରେ ଯେଉଁ ସତ୍ୟ ଲଙ୍ଘନ ଅପରାଧ କରିଅଛି, ତହିଁ ସକାଶୁ ସେହି ସ୍ଥାନରେ ଆମ୍ଭେ ତାହାର ବିଚାର କରିବା ।
\v 21 ପୁଣି, ତାହାର ସକଳ ସୈନ୍ୟଦଳ ମଧ୍ୟରୁ ପଳାତକ ସମସ୍ତେ ଖଡ୍ଗରେ ପତିତ ହେବେ ଓ ଅବଶିଷ୍ଟ ଥିବା ଲୋକମାନେ ଚତୁର୍ଦ୍ଦିଗରେ ଛିନ୍ନଭିନ୍ନ ହେବେ; ତହିଁରେ ତୁମ୍ଭେମାନେ ଜାଣିବ ଯେ, ଆମ୍ଭେ ସଦାପ୍ରଭୁ ଏହି କଥା କହିଅଛୁ ।"
\s5
\v 22 ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ଆମ୍ଭେ ଏରସ ବୃକ୍ଷର ଉଚ୍ଚ ଅଗ୍ରଭାଗ ନେଇ ତାହା ସ୍ଥାପନ କରିବା; ଆମ୍ଭେ ତାହାର ଉଚ୍ଚତମ ପଲ୍ଲବମାନର ମଧ୍ୟରୁ ଗୋଟିଏ କୋମଳ ପଲ୍ଲବ କାଟି ନେଇ ଏକ ଉଚ୍ଚ ଓ ଉନ୍ନତ ପର୍ବତରେ ରୋପଣ କରିବା;
\v 23 ଇସ୍ରାଏଲର ଉଚ୍ଚତମ ପର୍ବତରେ ଆମ୍ଭେ ତାହା ରୋପଣ କରିବା, ତହିଁରେ ତାହା ଶାଖାବିଶିଷ୍ଟ ଓ ଫଳବାନ ହୋଇ ଉତ୍ତମ ଏରସ ବୃକ୍ଷ ହେବ; ତହିଁର ତଳେ ସର୍ବଜାତୀୟ ପକ୍ଷୀ ବାସ କରିବେ; ସେମାନେ ତହିଁର ଶାଖାମାନର ଛାୟାରେ ବାସ କରିବେ ।
\s5
\v 24 ତହିଁରେ ଆମ୍ଭେ ସଦାପ୍ରଭୁ ଯେ ଉଚ୍ଚ ବୃକ୍ଷକୁ ନୀଚ କରିଅଛୁ ଓ ନୀଚ ବୃକ୍ଷକୁ ଉଚ୍ଚ କରିଅଛୁ, ସତେଜ ବୃକ୍ଷକୁ ଶୁଷ୍କ କରିଅଛୁ ଓ ଶୁଷ୍କ ବୃକ୍ଷକୁ ସତେଜ କରିଅଛୁ, ଏହା କ୍ଷେତ୍ରସ୍ଥ ଯାବତୀୟ ବୃକ୍ଷ ଜାଣିବେ; ଆମ୍ଭେ ସଦାପ୍ରଭୁ ଏହା କହିଅଛୁ ଓ ସିଦ୍ଧ କରିଅଛୁ ।
\s5
\c 18
\s ପାପର ବ୍ୟକ୍ତିଗତ ପରିଣାମ
\p
\v 1 ସଦାପ୍ରଭୁଙ୍କର ବାକ୍ୟ ପୁନର୍ବାର ମୋ' ନିକଟରେ ଉପସ୍ଥିତ ହେଲା,
\v 2 "ପିତୃପୁରୁଷମାନେ ଅମ୍ଳ ଦ୍ରାକ୍ଷାଫଳ ଖାଇଲେ, ସନ୍ତାନଗଣର ଦନ୍ତ ଖଟା ହୋଇଅଛି, ଏହି ଯେଉଁ ପ୍ରବାଦ ତୁମ୍ଭେମାନେ ଇସ୍ରାଏଲ ଦେଶ ବିଷୟରେ କହୁଅଛ, ଏଥିରେ ତୁମ୍ଭମାନଙ୍କର ଅଭିପ୍ରାୟ କି ?
\s5
\v 3 "ପ୍ରଭୁ, ସଦାପ୍ରଭୁ କହନ୍ତି, ଆମ୍ଭେ ଜୀବିତ ଥିବା ପ୍ରମାଣେ ତୁମ୍ଭେମାନେ ଇସ୍ରାଏଲ ମଧ୍ୟରେ ଏହି ପ୍ରବାଦ କହିବାର କାରଣ ଆଉ ପାଇବ ନାହିଁ ।"
\v 4 ଦେଖ, ଯାବତୀୟ ପ୍ରାଣ ଆମ୍ଭର; ପିତାର ପ୍ରାଣ ଯେପରି, ପୁତ୍ରର ପ୍ରାଣ ହିଁ ସେହିପରି ଆମ୍ଭର; ଯେଉଁ ପ୍ରାଣୀ ପାପ କରେ, ସେହି ମରିବ ।
\s5
\v 5 ମାତ୍ର ଯଦି ମନୁଷ୍ୟ ଧାର୍ମିକ ହୁଏ, ନ୍ୟାୟ ଓ ଧର୍ମାଚରଣ କରେ,
\v 6 ପୁଣି, ଯେ ପର୍ବତଗଣର ଉପରେ ଭୋଜନ କିଅବା ଇସ୍ରାଏଲ ବଂଶର ପ୍ରତିମାଗଣ ପ୍ରତି ଦୃଷ୍ଟିପାତ କରି ନାହିଁ, ଅଥବା ଆପଣା ପ୍ରତିବାସୀର ଭାର୍ଯ୍ୟାକୁ ଭ୍ରଷ୍ଟ କରି ନାହିଁ, କିଅବା ଋତୁମତୀ ସ୍ତ୍ରୀର ନିକଟକୁ ଆସି ନାହିଁ;
\s5
\v 7 ପୁଣି, ଯେ କାହାରି ପ୍ରତି ଅନ୍ୟାୟ କରି ନାହିଁ, ମାତ୍ର ଋଣୀକୁ ତାହାର ବନ୍ଧକି ଦ୍ରବ୍ୟ ଫେରାଇ ଦେଇଅଛି, ଉପଦ୍ରବ କରି କାହାରି କିଛି ଅପହରଣ କରି ନାହିଁ, ଆପଣାର ଭକ୍ଷ୍ୟ କ୍ଷୁଧିତକୁ ଦେଇଅଛି ଓ ଉଲଙ୍ଗକୁ ବସ୍ତ୍ର ପିନ୍ଧାଇଅଛି;
\v 8 ଯେ ସୁଧ ପାଇଁ ଋଣ ଦେଇ ନାହିଁ, କିଅବା କିଛି ବୃଦ୍ଧି ନେଇ ନାହିଁ, ଯେ ଅଧର୍ମରୁ ଆପଣା ହସ୍ତ ଫେରାଇଅଛି, ମନୁଷ୍ୟ ମନୁଷ୍ୟର ମଧ୍ୟରେ ଯଥାର୍ଥ ବିଚାର କରିଅଛି,
\v 9 ଆମ୍ଭର ବିଧିମତେ ଆଚରଣ କରିଅଛି ଓ ସତ୍ୟ ବ୍ୟବହାର କରିବା ନିମନ୍ତେ ଆମ୍ଭର ଶାସନସକଳ ପାଳନ କରିଅଛି, ସେହି ଲୋକ ଧାର୍ମିକ, ପ୍ରଭୁ, ସଦାପ୍ରଭୁ କହନ୍ତି, ସେ ଅବଶ୍ୟ ବଞ୍ଚିବ ।"
\s5
\v 10 ଯଦି ସେହି ଲୋକର ପୁତ୍ର ଡକାଇତ ଓ ରକ୍ତପାତକାରୀ ହୁଏ, ଆଉ ଏଥିମଧ୍ୟରୁ କୌଣସି କାର୍ଯ୍ୟ କରେ
\v 11 ଓ ସେହିସବୁ କର୍ତ୍ତବ୍ୟ କର୍ମ ମଧ୍ୟରୁ କୌଣସି କର୍ତ୍ତବ୍ୟ କର୍ମ ନ କରେ, ମାତ୍ର ଯେ ପର୍ବତଗଣର ଉପରେ ଭୋଜନ କରିଅଛି ଓ ଆପଣା ପ୍ରତିବାସୀର ଭାର୍ଯ୍ୟାକୁ ଭ୍ରଷ୍ଟ କରିଅଛି,
\s5
\v 12 ଦରିଦ୍ର ଦୀନହୀନର ପ୍ରତି ଅନ୍ୟାୟ କରିଅଛି, ଦୌରାତ୍ମ୍ୟ ଦ୍ୱାରା ଅପହରଣ କରିଅଛି, ବନ୍ଧକି ଦ୍ରବ୍ୟ ଫେରାଇ ଦେଇ ନାହିଁ ଓ ପ୍ରତିମାଗଣ ପ୍ରତି ଦୃଷ୍ଟିପାତ କରିଅଛି,
\v 13 ଘୃଣାଯୋଗ୍ୟ କ୍ରିୟା କରିଅଛି, ସୁଧ ପାଇଁ ଋଣ ଦେଇଅଛି ଓ ବୃଦ୍ଧି ଗ୍ରହଣ କରିଅଛି, ସେ କି ବଞ୍ଚିବ ? ସେ ବଞ୍ଚିବ ନାହିଁ, ସେ ଏହିସବୁ ଘୃଣାଯୋଗ୍ୟ କ୍ରିୟା କରିଅଛି; ସେ ନିଶ୍ଚୟ ମରିବ, ତାହାର ରକ୍ତ ତାହାର ଉପରେ ବର୍ତ୍ତିବ ।
\s5
\v 14 ଆହୁରି ଦେଖ, ଯଦି ସେହି ଲୋକର ପୁତ୍ର ଆପଣା ପିତାର କୃତ ପାପସକଳ ଦେଖେ ଓ ଭୟ କରି ସେହିପରି କାର୍ଯ୍ୟ ନ କରେ,
\v 15 ଯେ ପର୍ବତଗଣ ଉପରେ ଭୋଜନ କରି ନାହିଁ କିଅବା ଇସ୍ରାଏଲ ବଂଶର ପ୍ରତିମାଗଣ ପ୍ରତି ଦୃଷ୍ଟିପାତ କରି ନାହିଁ, ଆପଣା ପ୍ରତିବାସୀର ଭାର୍ଯ୍ୟାକୁ ଭ୍ରଷ୍ଟ କରି ନାହିଁ,
\s5
\v 16 କିଅବା କାହାରି ପ୍ରତି ଅନ୍ୟାୟ କରି ନାହିଁ, କୌଣସି ବନ୍ଧକି ଦ୍ରବ୍ୟ ଗ୍ରହଣ କରି ନାହିଁ, କିଅବା ଦୌରାତ୍ମ୍ୟ ଦ୍ୱାରା ଅପହରଣ କରି ନାହିଁ, ମାତ୍ର କ୍ଷୁଧିତକୁ ଆପଣା ଭକ୍ଷ୍ୟ ଦେଇଅଛି ଓ ଉଲଙ୍ଗକୁ ବସ୍ତ୍ର ପିନ୍ଧାଇଅଛି,
\v 17 ଯେ ଦରିଦ୍ର ପ୍ରତି ଉପଦ୍ରବରୁ ଆପଣା ହସ୍ତ ଫେରାଇଅଛି, ସୁଧ କି ବୃଦ୍ଧି ଗ୍ରହଣ କରି ନାହିଁ, ଆମ୍ଭର ଶାସନସକଳ ପାଳନ କରିଅଛି, ଆମ୍ଭ ବିଧି ଅନୁଯାୟୀ ଆଚରଣ କରିଅଛି; ସେ ଆପଣା ପିତାର ଅଧର୍ମ ସକାଶୁ ମରିବ ନାହିଁ, ସେ ନିଶ୍ଚୟ ବଞ୍ଚିବ ।
\s5
\v 18 ମାତ୍ର ତାହାର ପିତା ନିର୍ଦ୍ଦୟ ଭାବରେ ଉପଦ୍ରବ କଲା, ଦୌରାତ୍ମ୍ୟ ଦ୍ୱାରା ଆପଣା ଭ୍ରାତାର ଦ୍ରବ୍ୟ ଅପହରଣ କଲା ଓ ଆପଣା ଲୋକମାନଙ୍କ ମଧ୍ୟରେ ଅନୁଚିତ କାର୍ଯ୍ୟ କଲା, ଏଥିପାଇଁ ଦେଖ, ସେ ଆପଣା ଅଧର୍ମରେ ମରିବ ।
\s5
\v 19 ତଥାପି ତୁମ୍ଭେମାନେ କହୁଅଛ, କିହେତୁ ପୁତ୍ର ପିତାର ଅଧର୍ମର ଭାର ବହେ ନାହିଁ ? ପୁତ୍ର ଯଦି ନ୍ୟାୟ ଓ ଧର୍ମାଚରଣ କରିଅଛି, ଆମ୍ଭର ବିଧିସକଳ ରକ୍ଷା କରି ପାଳନ କରିଅଛି, ତେବେ ସେ ନିଶ୍ଚୟ ବଞ୍ଚିବ ।
\v 20 ଯେଉଁ ପ୍ରାଣୀ ପାପ କରେ, ସେହି ମରିବ; ପୁତ୍ର ପିତାର ଅଧର୍ମର ଭାର ବହିବ ନାହିଁ କିଅବା ପିତା ପୁତ୍ରର ଅଧର୍ମର ଭାର ବହିବ ନାହିଁ; ଧାର୍ମିକର ଧାର୍ମିକତା ତାହାରି ଉପରେ ବର୍ତ୍ତିବ ଓ ଦୁଷ୍ଟର ଦୁଷ୍ଟତା ତାହାରି ଉପରେ ବର୍ତ୍ତିବ ।
\s5
\v 21 ମାତ୍ର ଦୁଷ୍ଟ ଯଦି ଆପଣାର କୃତ ସକଳ ପାପରୁ ଫେରେ ଓ ଆମ୍ଭର ବିଧିସକଳ ପାଳନ କରେ, ପୁଣି, ନ୍ୟାୟ ଓ ଧର୍ମାଚରଣ କରେ, ତେବେ ସେ ନିଶ୍ଚୟ ବଞ୍ଚିବ, ସେ ମରିବ ନାହିଁ ।
\v 22 ତାହାର କୃତ କୌଣସି ଅପରାଧ ତାହା ବିରୁଦ୍ଧରେ ସ୍ମରଣ କରାଯିବ ନାହିଁ; ସେ ଯେଉଁ ଧର୍ମାଚରଣ କରିଅଛି, ତଦ୍ଦ୍ୱାରା ବଞ୍ଚିବ ।
\s5
\v 23 ପ୍ରଭୁ, ସଦାପ୍ରଭୁ କହନ୍ତି, "ଦୁଷ୍ଟର ମରଣରେ କି ଆମ୍ଭର କିଛି ସନ୍ତୋଷ ଅଛି ? ବରଂ ସେ ଆପଣା କୁପଥରୁ ଫେରି ବଞ୍ଚୁ, ଏଥିରେ କି ଆମ୍ଭର ସନ୍ତୋଷ ନାହିଁ ?
\s5
\v 24 ମାତ୍ର ଧାର୍ମିକ ଲୋକ ଯଦି ଆପଣା ଧାର୍ମିକତାରୁ ଫେରି ଅଧର୍ମ କରେ ଓ ଦୁଷ୍ଟ ଲୋକର କୃତ ସକଳ ଘୃଣାଯୋଗ୍ୟ କ୍ରିୟାନୁଯାୟୀ ଆଚରଣ କରେ, ତେବେ ସେ କି ବଞ୍ଚିବ ? ତାହାର କୃତ କୌଣସି ଧର୍ମକର୍ମ ସ୍ମରଣ କରାଯିବ ନାହିଁ; ସେ ଯେଉଁ ସତ୍ୟ ଲଙ୍ଘନ କରିଅଛି, ସେହି ସତ୍ୟ ଲଙ୍ଘନରେ ଓ ସେ ଯେଉଁ ପାପ କରିଅଛି, ତାହାର ସେହି ପାପରେ ସେ ମରିବ ।
\s5
\v 25 ତଥାପି ତୁମ୍ଭେମାନେ କହୁଅଛ, ପ୍ରଭୁଙ୍କର ପଥ ସରଳ ନୁହେଁ । ହେ ଇସ୍ରାଏଲ ବଂଶ, ଏବେ ଶୁଣ; ଆମ୍ଭର ପଥ କି ସରଳ ନୁହେଁ ? ତୁମ୍ଭମାନଙ୍କର ପଥ କି ଅସରଳ ନୁହେଁ ?
\v 26 ଧାର୍ମିକ ଲୋକ ଯେତେବେଳେ ଆପଣା ଧାର୍ମିକତାରୁ ଫେରି ଅଧର୍ମ କରେ ଓ ତହିଁରେ ମରେ, ସେତେବେଳେ ସେ ଯେଉଁ ଅଧର୍ମ କରିଅଛି, ତହିଁରେ ହିଁ ମରିବ ।
\s5
\v 27 ପୁନର୍ବାର ଦୁଷ୍ଟ ଲୋକ ଯେତେବେଳେ ଆପଣା କୃତ ଦୁଷ୍ଟତାରୁ ଫେରେ, ଆଉ ନ୍ୟାୟ ଓ ଧର୍ମାଚରଣ କରେ, ସେତେବେଳେ ସେ ଆପଣା ପ୍ରାଣ ଜୀବିତ ରକ୍ଷା କରିବ ।
\v 28 ସେ ବିବେଚନା କରେ ଓ ଆପଣା କୃତ ସମସ୍ତ ଅପରାଧରୁ ଫେରେ, ଏଥିପାଇଁ ସେ ନିଶ୍ଚୟ ବଞ୍ଚିବ, ସେ ମରିବ ନାହିଁ ।
\s5
\v 29 ତଥାପି ଇସ୍ରାଏଲ ବଂଶ କହନ୍ତି, ପ୍ରଭୁଙ୍କର ପଥ ସରଳ ନୁହେଁ ? ହେ ଇସ୍ରାଏଲ ବଂଶ, ଆମ୍ଭର ପଥ କି ସରଳ ନୁହେଁ ? ତୁମ୍ଭମାନଙ୍କର ପଥ କି ଅସରଳ ନୁହେଁ ?
\v 30 ଏଥିପାଇଁ ହେ ଇସ୍ରାଏଲ ବଂଶ, ଆମ୍ଭେ ତୁମ୍ଭମାନଙ୍କର ପ୍ରତ୍ୟେକକୁ ତାହାର ଆଚାର ବ୍ୟବହାରାନୁସାରେ ବିଚାର କରିବା," ଏହା ପ୍ରଭୁ, ସଦାପ୍ରଭୁ କହନ୍ତି । "ତୁମ୍ଭେମାନେ ଫେର, ଆପଣାମାନଙ୍କର ସମସ୍ତ ଅପରାଧରୁ ବିମୁଖ ହୁଅ; ତହିଁରେ ଅଧର୍ମ ତୁମ୍ଭମାନଙ୍କର ବିନାଶଜନକ ନୋହିବ ।
\s5
\v 31 ତୁମ୍ଭେମାନେ ଆପଣାମାନଙ୍କର କୃତ ସମସ୍ତ ଅପରାଧ ଆପଣାମାନଙ୍କଠାରୁ ଦୂର କରି ଦିଅ ଓ ଆପଣାମାନଙ୍କ ପାଇଁ ନୂତନ ଅନ୍ତଃକରଣ ଓ ନୂତନ ଆତ୍ମା ପ୍ରସ୍ତୁତ କର; କାରଣ ହେ ଇସ୍ରାଏଲ ବଂଶ, ତୁମ୍ଭେମାନେ କାହିଁକି ମରିବ ?"
\v 32 ଯେହେତୁ ଯେ ମରେ, ତାହାର ମରଣରେ ଆମ୍ଭର କିଛି ସନ୍ତୋଷ ନାହିଁ, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି; "ଏଥିପାଇଁ ତୁମ୍ଭେମାନେ ଫେରି ବଞ୍ଚ ।"
\s5
\c 19
\s ଏକ ଶୋକର ଗୀତ
\p
\v 1 ଆହୁରି, ତୁମ୍ଭେ ଇସ୍ରାଏଲର ଅଧିପତିଗଣ ବିଷୟରେ ବିଳାପ କରି କୁହ,
\v 2 "ତୁମ୍ଭର ମାତା କଅଣ ଥିଲା ? ସେ ତ ସିଂହୀ; ସେ ସିଂହଗଣ ମଧ୍ୟରେ ଶୟନ କଲା, ଯୁବା ସିଂହଗଣ ମଧ୍ୟରେ ଆପଣା ଛୁଆମାନଙ୍କୁ ପ୍ରତିପାଳନ କଲା ।
\v 3 ତାହାର ପ୍ରତିପାଳିତ ଛୁଆମାନଙ୍କ ମଧ୍ୟରୁ ଗୋଟିଏ ଛୁଆ ଯୁବା ସିଂହ ହେଲା; ସେ ମୃଗୟା କରିବାକୁ ଶିଖିଲା, ସେ ମନୁଷ୍ୟମାନଙ୍କୁ ଗ୍ରାସ କଲା ।
\v 4 ନାନା ଦେଶୀୟମାନେ ତାହାର ବିଷୟ ଶୁଣିଲେ, ସେମାନଙ୍କର ଗର୍ତ୍ତରେ ସେ ଧରା ପଡ଼ିଲା ଓ ସେମାନେ ଅଙ୍କୁଶ ଦ୍ୱାରା ତାହାକୁ ମିସର ଦେଶକୁ ଆଣିଲେ ।
\s5
\v 5 ଅପେକ୍ଷା କରି ଆପଣା ଆପଣା ଆଶା ବିଫଳ ହେବାର ଦେଖି ସେ ଆପଣା ଛୁଆମାନଙ୍କ ମଧ୍ୟରୁ ଆଉ ଗୋଟିଏ ନେଇ ତାକୁ ଯୁବା ସିଂହ କଲା ।
\v 6 ପୁଣି, ସେ ସିଂହମାନଙ୍କ ମଧ୍ୟରେ ଗତାୟାତ କରି ଯୁବା ସିଂହ ହୋଇ ଉଠିଲା; ଆହୁରି ସେ ମୃଗୟା କରିବାକୁ ଶିଖିଲା, ସେ ମନୁଷ୍ୟମାନଙ୍କୁ ଗ୍ରାସ କଲା ।
\v 7 ଆଉ, ସେ ସେମାନଙ୍କର ଅଟ୍ଟାଳିକାସବୁ ଜାଣିଲା ଓ ସେମାନଙ୍କର ନଗରସବୁ ଉଜାଡ଼ କଲା; ଆଉ, ତାହାର ଗର୍ଜନର ଶବ୍ଦ ସକାଶୁ ଦେଶ ଓ ତହିଁର ପୂର୍ଣ୍ଣତାସକଳ ଶୂନ୍ୟ ହେଲା ।
\s5
\v 8 ତହିଁରେ ନାନା ପ୍ରଦେଶରୁ ଗୋଷ୍ଠୀୟମାନେ ଆସି ତାହାର ବିରୁଦ୍ଧରେ ଚାରିଆଡ଼େ ଉଠିଲେ; ଆଉ, ସେମାନେ ତାହାର ଉପରେ ଆପଣାମାନଙ୍କର ଜାଲ ପ୍ରସାରିଲେ; ସେ ସେମାନଙ୍କ ଗର୍ତ୍ତରେ ଧରା ପଡ଼ିଲା ।
\v 9 ଆଉ, ସେମାନେ ତାକୁ ଅଙ୍କୁଶ ଦ୍ୱାରା ପିଞ୍ଜରରେ ରଖି ବାବିଲ ରାଜା ନିକଟକୁ ନେଇଗଲେ; ଇସ୍ରାଏଲର ପର୍ବତସମୂହରେ ତାହାର ହୁଙ୍କାର ଶବ୍ଦ ଯେପରି ଆଉ ଶୁଣା ନ ଯାଏ, ଏଥିପାଇଁ ସେମାନେ ତାହାକୁ ଦୃଢ଼ ଗଡ଼ ମଧ୍ୟକୁ ନେଇଗଲେ ।
\s5
\v 10 ତୁମ୍ଭର ରକ୍ତରେ ତୁମ୍ଭର ମାତା ଜଳରାଶି ନିକଟରେ ରୋପିତ ଦ୍ରାକ୍ଷାଲତା ସ୍ୱରୂପ ଥିଲା; ଅନେକ ଜଳ ସକାଶୁ ସେ ଫଳବତୀ ଓ ଶାଖାରେ ପରିପୂର୍ଣ୍ଣ ଥିଲା ।
\v 11 ପୁଣି, କର୍ତ୍ତୃତ୍ୱକାରୀମାନଙ୍କର ରାଜଦଣ୍ଡ ହେବା ନିମନ୍ତେ ତାହାର ଶାଖାସବୁ ଦୃଢ଼ ହୋଇଥିଲା, ଗହଳ ଶାଖାମାନର ମଧ୍ୟରେ ସେହି ସବୁ ଦୀର୍ଘତାରେ ଉଚ୍ଚୀକୃତ ହୋଇଥିଲା, ଆଉ ସେହି ସବୁ ସ୍ୱ ଉଚ୍ଚତାରେ ଓ ଶାଖାର ବାହୁଲ୍ୟରେ ଦେଖାଗଲା ।
\s5
\v 12 ମାତ୍ର କୋପରେ ସେ ଉତ୍ପାଟିତ ହେଲା, ଭୂମିରେ ନିକ୍ଷିପ୍ତ ହେଲା ଓ ପୂର୍ବୀୟ ବାୟୁ ତାହାର ଫଳ ଶୁଷ୍କ କଲା; ତାହାର ଦୃଢ଼ ଶାଖାସବୁ ଭଗ୍ନ ଓ ଶୁଷ୍କ ହେଲା; ଅଗ୍ନି ସେହି ସବୁକୁ ଗ୍ରାସ କଲା ।
\v 13 ପୁଣି, ଏବେ ସେ ପ୍ରାନ୍ତର ମଧ୍ୟରେ ନିର୍ଜଳ ଓ ଶୁଷ୍କ ଭୂମିରେ ରୋପିତ ହୋଇଅଛି ।
\s5
\v 14 ଆଉ, ତାହାର ଶାଖା ଦଣ୍ଡସମୂହରୁ ଅଗ୍ନି ନିର୍ଗତ ହୋଇ ତାହାର ଫଳ ଗ୍ରାସ କରିଅଛି; ଏହେତୁ ରାଜଦଣ୍ଡ ହେବା ପାଇଁ ତାହାର ଗୋଟିଏ ଦୃଢ଼ ଶାଖା ନାହିଁ । ଏହା ବିଳାପର ବିଷୟ ଅଟେ ଓ ବିଳାପଜନକ ହେବ ।"
\s5
\c 20
\s ଇସ୍ରାଏଲର ବିଦ୍ରୋହ
\p
\v 1 ଏଥିଉତ୍ତାରେ ସପ୍ତମ ବର୍ଷର ପଞ୍ଚମ ମାସରେ, ମାସର ଦଶମ ଦିନରେ, ଇସ୍ରାଏଲ ବଂଶୀୟ ପ୍ରାଚୀନବର୍ଗଙ୍କ ମଧ୍ୟରୁ କେତେକ ଜଣ ସଦାପ୍ରଭୁଙ୍କ ନିକଟରେ ପଚାରିବା ପାଇଁ ଆସି ମୋ' ସମ୍ମୁଖରେ ବସିଲେ ।
\s5
\v 2 ସେତେବେଳେ ସଦାପ୍ରଭୁଙ୍କର ବାକ୍ୟ ମୋ' ନିକଟରେ ଉପସ୍ଥିତ ହେଲା ଏବଂ ସେ କହିଲେ,
\v 3 "ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଇସ୍ରାଏଲ ବଂଶୀୟ ପ୍ରାଚୀନବର୍ଗଙ୍କ ସଙ୍ଗେ କଥା କହି ସେମାନଙ୍କୁ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭେମାନେ କି ଆମ୍ଭ ନିକଟରେ ପଚାରିବାକୁ ଆସିଅଛ ? ପ୍ରଭୁ, ସଦାପ୍ରଭୁ କହନ୍ତି, ଆମ୍ଭେ ଜୀବିତ ଥିବା ପ୍ରମାଣେ ତୁମ୍ଭମାନଙ୍କୁ ଆମ୍ଭ ନିକଟରେ ପଚାରିବାକୁ ଦେବା ନାହିଁ ।"
\s5
\v 4 "ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ କି ସେମାନଙ୍କର ବିଚାର କରିବ ? ତୁମ୍ଭେ କି ସେମାନଙ୍କର ବିଚାର କରିବ ? ସେମାନଙ୍କ ପିତୃପୁରୁଷଗଣର ଘୃଣାଯୋଗ୍ୟ କ୍ରିୟାସକଳ ସେମାନଙ୍କୁ ଜ୍ଞାତ କରାଅ,"
\v 5 ଆଉ ସେମାନଙ୍କୁ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, "ଆମ୍ଭେ ଯେଉଁ ଦିନ ଇସ୍ରାଏଲକୁ ମନୋନୀତ କଲୁ ଓ ଯାକୁବର କୁଳଜାତ ବଂଶ ସପକ୍ଷରେ ଆପଣା ହସ୍ତ ଉଠାଇଲୁ ଓ ମିସର ଦେଶରେ ସେମାନଙ୍କ ନିକଟରେ ଆପଣାର ପରିଚୟ ଦେଲୁ, ସେମାନଙ୍କ ସପକ୍ଷରେ ଆପଣା ହସ୍ତ ଉଠାଇ, ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ବୋଲି କହିଲୁ;
\v 6 ସେହି ଦିନ ସେମାନଙ୍କୁ ମିସର ଦେଶରୁ ବାହାର କରି ଆଣିବା ପାଇଁ ଓ ଆମ୍ଭେ ସେମାନଙ୍କ ନିମନ୍ତେ ଯେଉଁ ଦେଶ ଅନୁସନ୍ଧାନ କରିଥିଲୁ, ସର୍ବ ଦେଶର ଗୌରବ ସ୍ୱରୂପ ସେହି ଦୁଗ୍‍ଧ ଓ ମଧୁ ପ୍ରବାହୀ ଦେଶକୁ ସେମାନଙ୍କୁ ନେଇଯିବା ପାଇଁ ଆମ୍ଭେ ସେମାନଙ୍କ ସପକ୍ଷରେ ଆପଣା ହସ୍ତ ଉଠାଇଲୁ;
\s5
\v 7 ଆଉ, ଆମ୍ଭେ ସେମାନଙ୍କୁ କହିଲୁ, ତୁମ୍ଭେମାନେ ପ୍ରତ୍ୟେକ ଜଣ ଆପଣା ଆପଣା ଦୃଷ୍ଟିର ସମ୍ମୁଖରୁ ଘୃଣାଯୋଗ୍ୟ ବସ୍ତୁସକଳ ଦୂର କର ଓ ମିସ୍ରୀୟ ପ୍ରତିମାଗଣ ଦ୍ୱାରା ଆପଣାମାନଙ୍କୁ ଅଶୁଚି କର ନାହିଁ, ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ ।"
\s5
\v 8 ମାତ୍ର ସେମାନେ ଆମ୍ଭର ବିଦ୍ରୋହାଚାରୀ ହେଲେ ଓ ଆମ୍ଭର କଥା ଶୁଣିବାକୁ ଅସମ୍ମତ ହେଲେ; ସେମାନେ ପ୍ରତ୍ୟେକ ଜଣ ଆପଣା ଆପଣା ଦୃଷ୍ଟିର ସମ୍ମୁଖରୁ ଘୃଣାଯୋଗ୍ୟ ବସ୍ତୁସକଳ ଦୂର କଲେ ନାହିଁ, କିଅବା ମିସ୍ରୀୟ ପ୍ରତିମାଗଣକୁ ଛାଡ଼ିଲେ ନାହିଁ; ତହିଁରେ ଆମ୍ଭେ ମିସର ଦେଶ ମଧ୍ୟରେ ସେମାନଙ୍କ ପ୍ରତିକୂଳରେ ଆପଣା କ୍ରୋଧ ସାଧିବା ପାଇଁ ସେମାନଙ୍କ ଉପରେ ଆପଣା କୋପ ଢାଳିବା ବୋଲି କହିଲୁ ।
\v 9 ତଥାପି ସେମାନେ ଯେଉଁମାନଙ୍କ ମଧ୍ୟରେ ଥିଲେ, ଯେଉଁମାନଙ୍କ ସାକ୍ଷାତରେ ଆମ୍ଭେ ସେମାନଙ୍କୁ, ମିସର ଦେଶରୁ ବାହାର କରି ଆଣିବା ଦ୍ୱାରା ଆପଣାର ପରିଚୟ ଦେଇଥିଲୁ, ସେହି ଗୋଷ୍ଠୀୟମାନଙ୍କ ସାକ୍ଷାତରେ ଆମ୍ଭର ନାମ ଯେପରି ଅପବିତ୍ର ନ ହୁଏ, ଏଥିପାଇଁ ଆମ୍ଭେ ଆପଣା ନାମ ନିମନ୍ତେ କାର୍ଯ୍ୟ କଲୁ ।
\s5
\v 10 ଏହିରୂପେ ଆମ୍ଭେ ସେମାନଙ୍କୁ ମିସର ଦେଶରୁ ବାହାର କରାଇ ପ୍ରାନ୍ତରକୁ ଆଣିଲୁ ।
\v 11 ପୁଣି, ଆମ୍ଭେ ସେମାନଙ୍କୁ ଆପଣାର ବିଧି ଦେଲୁ ଓ ଆପଣା ଶାସନସକଳ ଜ୍ଞାତ କରାଇଲୁ, ମନୁଷ୍ୟ ଯଦି ତାହା ପାଳନ କରେ, ତେବେ ତହିଁରେ ସେ ବଞ୍ଚିବ !
\v 12 ଆହୁରି ମଧ୍ୟ ଆମ୍ଭେ ଯେ ସେମାନଙ୍କର ପବିତ୍ରକାରୀ ସଦାପ୍ରଭୁ ଅଟୁ, ଏହା ଯେପରି ସେମାନେ ଜାଣିବେ, ଏଥିପାଇଁ ଆମ୍ଭର ଓ ସେମାନଙ୍କ ମଧ୍ୟରେ ଚିହ୍ନ ସ୍ୱରୂପ ହେବା ନିମନ୍ତେ ଆମ୍ଭେ ଆପଣାର ବିଶ୍ରାମ ଦିନସକଳ ସେମାନଙ୍କୁ ଦେଲୁ ।
\s5
\v 13 ମାତ୍ର ଇସ୍ରାଏଲ ବଂଶ ପ୍ରାନ୍ତରରେ ଆମ୍ଭର ବିଦ୍ରୋହାଚାରୀ ହେଲେ; ସେମାନେ ଆମ୍ଭର ବିଧିରୂପ ପଥରେ ଚାଲିଲେ ନାହିଁ ଓ ଆମ୍ଭର ଶାସନସକଳ ଅଗ୍ରାହ୍ୟ କଲେ, ମନୁଷ୍ୟ ଯଦି ତାହା ପାଳନ କରେ, ତେବେ ତହିଁରେ ସେ ବଞ୍ଚିବ; ପୁଣି, ସେମାନେ ଆମ୍ଭର ବିଶ୍ରାମ ଦିନସକଳ ଅତ୍ୟନ୍ତ ଅପବିତ୍ର କଲେ; ସେତେବେଳେ ଆମ୍ଭେ ପ୍ରାନ୍ତରରେ ସେମାନଙ୍କୁ ସଂହାର କରିବା ନିମନ୍ତେ ସେମାନଙ୍କ ଉପରେ ଆପଣା କୋପ ଢାଳିବା ବୋଲି କହିଲୁ ।
\v 14 ତଥାପି ଯେଉଁ ଗୋଷ୍ଠୀଗଣ ସାକ୍ଷାତରେ ଆମ୍ଭେ ସେମାନଙ୍କୁ ବାହାର କରି ଆଣିଲୁ, ସେମାନଙ୍କ ଦୃଷ୍ଟିରେ ଆମ୍ଭର ନାମ ଯେପରି ଅପବିତ୍ର ନ ହୁଏ, ଏଥିପାଇଁ ଆମ୍ଭେ ଆପଣା ନାମ ନିମନ୍ତେ କାର୍ଯ୍ୟ କଲୁ ।
\s5
\v 15 ଆହୁରି ମଧ୍ୟ ସର୍ବଦେଶର ଗୌରବ ସ୍ୱରୂପ ଯେଉଁ ଦୁଗ୍ଧ ଓ ମଧୁ ପ୍ରବାହୀ ଦେଶ ଆମ୍ଭେ ସେମାନଙ୍କୁ ଦେଇଥିଲୁ, ସେହି ଦେଶକୁ ସେମାନଙ୍କୁ ନ ଆଣିବା ପାଇଁ ଆମ୍ଭେ ପ୍ରାନ୍ତରରେ ସେମାନଙ୍କ ବିରୁଦ୍ଧରେ ଆପଣା ହସ୍ତ ଉଠାଇଲୁ;
\v 16 କାରଣ ସେମାନଙ୍କ ଅନ୍ତଃକରଣ ସେମାନଙ୍କ ପ୍ରତିମାଗଣର ଅନୁଗାମୀ ହେବାରୁ ସେମାନେ ଆମ୍ଭର ଶାସନସକଳ ଅଗ୍ରାହ୍ୟ କଲେ ଓ ଆମ୍ଭର ବିଧିରୂପ ପଥରେ ଚାଲିଲେ ନାହିଁ, ଆଉ ଆମ୍ଭ ବିଶ୍ରାମ ଦିନସକଳ ଅପବିତ୍ର କଲେ ।
\v 17 ତଥାପି ସେମାନଙ୍କୁ ବିନାଶ କରିବା ପାଇଁ ଆମ୍ଭର ଲଜ୍ଜ୍ୟା ହେଲା, ଏଣୁ ଆମ୍ଭେ ପ୍ରାନ୍ତରରେ ସେମାନଙ୍କୁ ସମ୍ପୂର୍ଣ୍ଣ ରୂପେ ସଂହାର କଲୁ ନାହିଁ ।
\s5
\v 18 ପୁଣି, ଆମ୍ଭେ ପ୍ରାନ୍ତରରେ ସେମାନଙ୍କ ସନ୍ତାନଗଣକୁ କହିଲୁ, ତୁମ୍ଭେମାନେ ଆପଣାମାନଙ୍କର ପିତୃଗଣର ବିଧି ଅନୁସାରେ ଚାଲ ନାହିଁ କିଅବା ସେମାନଙ୍କର ଶାସନସକଳ ମାନ ନାହିଁ, ଅଥବା ସେମାନଙ୍କ ପ୍ରତିମାଗଣ ଦ୍ୱାରା ଆପଣାମାନଙ୍କୁ ଅଶୁଚି କର ନାହିଁ;
\v 19 ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ; ଆମ୍ଭର ବିଧିରୂପ ପଥରେ ଚାଲ ଓ ଆମ୍ଭର ଶାସନସକଳ ରକ୍ଷା କରି ପାଳନ କର;
\v 20 ପୁଣି, ଆମ୍ଭର ବିଶ୍ରାମ ଦିନସକଳ ପବିତ୍ର କର; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ, ଏହା ଯେପରି ତୁମ୍ଭେମାନେ ଜାଣିବ, ଏଥିପାଇଁ ତାହାସବୁ ଆମ୍ଭ ଓ ତୁମ୍ଭମାନଙ୍କ ମଧ୍ୟରେ ଏକ ଚିହ୍ନ ସ୍ୱରୂପ ହେବ ।
\s5
\v 21 ମାତ୍ର ସେହି ସନ୍ତାନଗଣ ଆମ୍ଭର ବିଦ୍ରୋହାଚରଣ କଲେ; ସେମାନେ ଆମ୍ଭର ବିଧିରୂପ ପଥରେ ଚାଲିଲେ ନାହିଁ ଓ ଆମ୍ଭର ଶାସନସକଳ ରକ୍ଷା କରି ପାଳନ କଲେ ନାହିଁ, ମନୁଷ୍ୟ ତାହା ପାଳନ କଲେ, ତହିଁରେ ସେ ବଞ୍ଚିବ; ସେମାନେ ଆମ୍ଭର ବିଶ୍ରାମ ଦିନସକଳ ଅପବିତ୍ର କଲେ; ତହିଁରେ ଆମ୍ଭେ ପ୍ରାନ୍ତରରେ ସେମାନଙ୍କ ବିରୁଦ୍ଧରେ ଆପଣା କ୍ରୋଧ ସାଧିବା ପାଇଁ ସେମାନଙ୍କ ଉପରେ ଆପଣା କୋପ ଢାଳିବା ବୋଲି କହିଲୁ ।
\v 22 ତଥାପି ଯେଉଁମାନଙ୍କ ସାକ୍ଷାତରେ ଆମ୍ଭେ ସେମାନଙ୍କୁ ବାହାର କରି ଆଣିଲୁ, ସେହି ଗୋଷ୍ଠୀୟମାନଙ୍କ ନିକଟରେ ଆମ୍ଭର ନାମ ଯେପରି ଅପବିତ୍ର ନ ହୁଏ, ଏଥିପାଇଁ ଆମ୍ଭେ ଆପଣା ହସ୍ତ ସମ୍ବରଣ କଲୁ ଓ ଆପଣା ନାମ ନିମନ୍ତେ କାର୍ଯ୍ୟ କଲୁ ।
\s5
\v 23 ମାତ୍ର ଆମ୍ଭେ ନାନା ଗୋଷ୍ଠୀୟ ମଧ୍ୟରେ ସେମାନଙ୍କୁ ଛିନ୍ନଭିନ୍ନ ଓ ନାନା ଦେଶରେ ସେମାନଙ୍କୁ ନିକ୍ଷେପ କରିବୁ ବୋଲି ସେମାନଙ୍କ ପ୍ରତିକୂଳରେ ଆପଣା ହସ୍ତ ଉଠାଇଲୁ;
\v 24 କାରଣ ସେମାନେ ଆମ୍ଭର ଶାସନସକଳ ପାଳନ କଲେ ନାହିଁ, ମାତ୍ର ଆମ୍ଭର ବିଧିସକଳ ଅଗ୍ରାହ୍ୟ କଲେ ଓ ଆମ୍ଭର ବିଶ୍ରାମ ଦିନସକଳ ଅପବିତ୍ର କଲେ, ପୁଣି, ସେମାନଙ୍କ ପିତୃବର୍ଗର ପ୍ରତିମାଗଣ ପ୍ରତି ସେମାନଙ୍କର ଦୃଷ୍ଟି ରହିଲା ।
\s5
\v 25 ଆହୁରି ମଧ୍ୟ ଯାହା ସେମାନଙ୍କର ମଙ୍ଗଳଜନକ ନୁହେଁ, ଏପରି ବିଧି ଓ ଯହିଁରେ ସେମାନେ ବଞ୍ଚିବେ ନାହିଁ, ଏପରି ଶାସନସବୁ ଆମ୍ଭେ ସେମାନଙ୍କୁ ଦେଲୁ;
\v 26 ପୁଣି, ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ଯେପରି ସେମାନେ ଜାଣିବେ, ଏଥିପାଇଁ ଆମ୍ଭେ ସେମାନଙ୍କୁ ବିନାଶ କରିବା ନିମନ୍ତେ, ସେମାନେ ଗର୍ଭାଶୟ ମୁକ୍ତକାରୀ ସମସ୍ତ ସନ୍ତାନକୁ ଅଗ୍ନି ମଧ୍ୟ ଦେଇ ଗମନ କରାଇବା ଦ୍ୱାରା ଯେଉଁ ଉପହାର ପ୍ରଦାନ କଲେ, ତହିଁରେ ଆମ୍ଭେ ସେମାନଙ୍କୁ ଅଶୁଚି କରାଇଲୁ ।
\s5
\v 27 ଏହେତୁ ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଇସ୍ରାଏଲ ବଂଶ ସଙ୍ଗେ କଥା କହି ସେମାନଙ୍କୁ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, "ତୁମ୍ଭମାନଙ୍କର ପିତୃପୁରୁଷମାନେ ଏଥିରେ ମଧ୍ୟ ଆମ୍ଭ ବିରୁଦ୍ଧରେ ସତ୍ୟ ଲଙ୍ଘନ କରି ଆମ୍ଭର ନିନ୍ଦା କରିଅଛନ୍ତି ।
\v 28 କାରଣ ଆମ୍ଭେ ସେମାନଙ୍କୁ ଯେଉଁ ଦେଶ ଦେବା ପାଇଁ ଆପଣା ହସ୍ତ ଉଠାଇଥିଲୁ, ସେହି ଦେଶକୁ ଯେତେବେଳେ ସେମାନଙ୍କୁ ଆଣିଲୁ, ସେତେବେଳେ ସେମାନେ ପ୍ରତ୍ୟେକ ଉଚ୍ଚ ପର୍ବତ ଓ ପ୍ରତ୍ୟେକ ଗହଳିଆ ବୃକ୍ଷ ଦେଖି ସେହି ସ୍ଥାନରେ ବଳିଦାନ କଲେ ଓ ସେହି ସ୍ଥାନରେ ସେମାନେ (ଆମ୍ଭର) ବିରକ୍ତିଜନକ ନୈବେଦ୍ୟ ଉତ୍ସର୍ଗ କଲେ, ସେହି ସ୍ଥାନରେ ମଧ୍ୟ ଆପଣାମାନଙ୍କର ସୁଗନ୍ଧିଯୁକ୍ତ ଦ୍ରବ୍ୟ ରଖିଲେ ଓ ସେହି ସ୍ଥାନରେ ଆପଣାମାନଙ୍କର ପେୟ-ନୈବେଦ୍ୟ ଢାଳିଲେ ।
\v 29 ତହିଁରେ ଆମ୍ଭେ ସେମାନଙ୍କୁ କହିଲୁ, ତୁମ୍ଭେମାନେ ଯେଉଁ ଉଚ୍ଚସ୍ଥଳୀକୁ ଯାଅ, ତାହାର ଅଭିପ୍ରାୟ ଏହି କି ? ଏଣୁ ଆଜି ପର୍ଯ୍ୟନ୍ତ ତହିଁର ନାମ ବାମା (ଉଚ୍ଚସ୍ଥଳୀ) ରହିଅଛି ।"
\s5
\v 30 ଏଣୁକରି ତୁମ୍ଭେ ଇସ୍ରାଏଲ ବଂଶକୁ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, "ତୁମ୍ଭେମାନେ କି ଆପଣାମାନଙ୍କର ପିତୃପୁରୁଷଗଣର ରୀତିଅନୁସାରେ ଆପଣାମାନଙ୍କୁ ଅଶୁଚି କରୁଅଛ ? ଓ ସେମାନଙ୍କର ଘୃଣାଯୋଗ୍ୟ କ୍ରିୟାନୁସାରେ ବ୍ୟଭିଚାରୀ ହେଉଅଛ ?
\v 31 ଆଉ, ଯେତେବେଳେ ତୁମ୍ଭେମାନେ ଆପଣା ଆପଣା ଉପହାର ଦାନ କରୁଅଛ, ଆପଣା ଆପଣା ସନ୍ତାନଗଣକୁ ଅଗ୍ନି ମଧ୍ୟ ଦେଇ ଗମନ କରାଉଅଛ, ସେତେବେଳେ ତୁମ୍ଭେମାନେ କି ଆଜି ପର୍ଯ୍ୟନ୍ତ ଆପଣା ଆପଣା ପ୍ରତିମାଗଣ ଦ୍ୱାରା ଆପଣାମାନଙ୍କୁ ଅଶୁଚି କରୁ ନାହଁ ? ତେବେ ହେ ଇସ୍ରାଏଲ ବଂଶ, ଆମ୍ଭେ କି ତୁମ୍ଭମାନଙ୍କୁ ଆମ୍ଭ ନିକଟରେ ପଚାରିବାକୁ ଦେବା ?" ପ୍ରଭୁ, ସଦାପ୍ରଭୁ କହନ୍ତି, "ଆମ୍ଭେ ଜୀବିତ ଥିବା ପ୍ରମାଣେ ତୁମ୍ଭମାନଙ୍କୁ ଆମ୍ଭ ନିକଟରେ ପଚାରିବା ପାଇଁ ଦେବା ନାହିଁ;
\v 32 ପୁଣି, ଆମ୍ଭେମାନେ କାଷ୍ଠ ଓ ପ୍ରସ୍ତରର ସେବା କରି ଅନ୍ୟ ଦେଶୀୟମାନଙ୍କର ଓ ନାନା ଦେଶ ନିବାସୀ ଗୋଷ୍ଠୀମାନଙ୍କ ତୁଲ୍ୟ ହେବା ବୋଲି ଏହି ଯେଉଁ କଥା ତୁମ୍ଭମାନଙ୍କ ମନରେ ଉଠୁଅଛି ଓ ଯାହା ତୁମ୍ଭେମାନେ କହୁଅଛ, ତାହା କେବେ ଘଟିବ ନାହିଁ ।"
\s ଈଶ୍ୱର ଶାସ୍ତି ଦିଅନ୍ତି ଓ କ୍ଷମା କରନ୍ତି
\p
\s5
\v 33 ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, "ଆମ୍ଭେ ଜୀବିତ ଥିବା ପ୍ରମାଣେ ନିଶ୍ଚୟ ବଳବାନ ହସ୍ତ, ବିସ୍ତୀର୍ଣ୍ଣ ବାହୁ ଓ କୋପବର୍ଷଣ ଦ୍ୱାରା ଆମ୍ଭେ ତୁମ୍ଭମାନଙ୍କ ଉପରେ ରାଜା ହେବା;
\v 34 ପୁଣି, ଆମ୍ଭେ ବଳବାନ ହସ୍ତ, ବିସ୍ତୀର୍ଣ୍ଣ ବାହୁ ଓ କୋପବର୍ଷଣ ଦ୍ୱାରା ତୁମ୍ଭମାନଙ୍କୁ ଗୋଷ୍ଠୀଗଣ ମଧ୍ୟରୁ ବାହାର କରି ଆଣିବା ଓ ତୁମ୍ଭେମାନେ ଯେଉଁ ଯେଉଁ ଦେଶରେ ଛିନ୍ନଭିନ୍ନ ହୋଇଅଛ, ସେହିସବୁ ସ୍ଥାନରୁ ତୁମ୍ଭମାନଙ୍କୁ ସଂଗ୍ରହ କରିବା;
\v 35 ପୁଣି, ଆମ୍ଭେ ତୁମ୍ଭମାନଙ୍କୁ ଗୋଷ୍ଠୀସମୂହର ପ୍ରାନ୍ତରକୁ ଆଣି ସମ୍ମୁଖାସମ୍ମୁଖୀ ହୋଇ ତୁମ୍ଭମାନଙ୍କ ସହିତ ବିଚାର କରିବା ।"
\s5
\v 36 ପ୍ରଭୁ, ସଦାପ୍ରଭୁ କହନ୍ତି, "ଆମ୍ଭେ ମିସର ଦେଶର ପ୍ରାନ୍ତରରେ ଯେପରି ତୁମ୍ଭମାନଙ୍କର ପିତୃପୁରୁଷଗଣର ସହିତ ବିଚାର କରିଥିଲୁ, ସେହିପରି ତୁମ୍ଭମାନଙ୍କ ସହିତ ବିଚାର କରିବା ।
\v 37 ଆଉ, ଆମ୍ଭେ ତୁମ୍ଭମାନଙ୍କୁ ପାଞ୍ଚଣ ତଳେ ଗମନ କରାଇବା ଓ ଆମ୍ଭେ ତୁମ୍ଭମାନଙ୍କୁ ନିୟମରୂପ ବନ୍ଧନରେ ଆବଦ୍ଧ କରିବା;
\v 38 ପୁଣି, ଆମ୍ଭେ ବିଦ୍ରୋହୀମାନଙ୍କୁ ଓ ଆମ୍ଭ ବିରୁଦ୍ଧରେ ଅପରାଧକାରୀମାନଙ୍କୁ ତୁମ୍ଭମାନଙ୍କ ମଧ୍ୟରୁ ଝାଡ଼ି ଦୂର କରି ଦେବା; ସେମାନେ ଯେଉଁ ଦେଶରେ ପ୍ରବାସ କରୁଅଛନ୍ତି, ସେ ଦେଶରୁ ଆମ୍ଭେ ସେମାନଙ୍କୁ ବାହାର କରି ଆଣିବା, ମାତ୍ର ସେମାନେ ଇସ୍ରାଏଲ ଦେଶରେ ପ୍ରବେଶ କରିବେ ନାହିଁ; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ ।"
\s5
\v 39 ହେ ଇସ୍ରାଏଲ ବଂଶ, ପ୍ରଭୁ, ସଦାପ୍ରଭୁ ତୁମ୍ଭମାନଙ୍କ ବିଷୟରେ ଏହି କଥା କହନ୍ତି; "ତୁମ୍ଭେମାନେ ଯଦି ଆମ୍ଭ ବାକ୍ୟରେ ମନୋଯୋଗ ନ କରିବ, ତେବେ ତୁମ୍ଭେମାନେ ପ୍ରତ୍ୟେକେ ଯାଇ ଏବେ ଓ ଏଥି ଉତ୍ତାରେ ମଧ୍ୟ ଆପଣା ଆପଣା ପ୍ରତିମାଗଣର ସେବା କର; ମାତ୍ର ତୁମ୍ଭେମାନେ ଆପଣାମାନଙ୍କର ଉପହାର ଓ ପ୍ରତିମାଗଣ ଦ୍ୱାରା ଆମ୍ଭର ପବିତ୍ର ନାମ ଆଉ ଅପବିତ୍ର କରିବ ନାହିଁ ।"
\s5
\v 40 କାରଣ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, "ଆମ୍ଭର ପବିତ୍ର ପର୍ବତରେ, ଇସ୍ରାଏଲର ଉଚ୍ଚତମ ପର୍ବତରେ, ସମୁଦାୟ ଇସ୍ରାଏଲ ବଂଶ, ସେମାନଙ୍କର ସମସ୍ତେ ହିଁ ସେଠାରେ ଦେଶ ମଧ୍ୟରେ ଆମ୍ଭର ସେବା କରିବେ; ସେହି ସ୍ଥାନରେ ଆମ୍ଭେ ସେମାନଙ୍କୁ ଗ୍ରାହ୍ୟ କରିବା ଓ ସେହି ସ୍ଥାନରେ ଆମ୍ଭେ ତୁମ୍ଭମାନଙ୍କର ଯାବତୀୟ ପବିତ୍ର ବସ୍ତୁ ସହିତ ତୁମ୍ଭମାନଙ୍କ ଉପହାର ଓ ପ୍ରଥମଜାତ ଫଳର ନୈବେଦ୍ୟ ଚାହିଁବା ।
\v 41 ଯେଉଁ ସମୟରେ ଆମ୍ଭେ ଗୋଷ୍ଠୀଗଣ ମଧ୍ୟରୁ ତୁମ୍ଭମାନଙ୍କୁ ବାହାର କରି ଆଣିବା ଓ ଯେଉଁ ଯେଉଁ ଦେଶରେ ତୁମ୍ଭେମାନେ ଛିନ୍ନଭିନ୍ନ ହୋଇ ରହିଅଛ, ସେହିସବୁ ଦେଶରୁ ତୁମ୍ଭମାନଙ୍କୁ ସଂଗ୍ରହ କରିବା, ସେହି ସମୟରେ ଆମ୍ଭେ ତୁମ୍ଭମାନଙ୍କୁ ସୁଗନ୍ଧିଯୁକ୍ତ ଆଘ୍ରାଣାର୍ଥକ ଦ୍ରବ୍ୟ ତୁଲ୍ୟ ଗ୍ରହଣ କରିବା ଓ ଆମ୍ଭେ ତୁମ୍ଭମାନଙ୍କଠାରେ ଗୋଷ୍ଠୀଗଣର ସାକ୍ଷାତରେ ପବିତ୍ରୀକୃତ ହେବା ।
\s5
\v 42 ପୁଣି, ଆମ୍ଭେ ତୁମ୍ଭମାନଙ୍କର ପିତୃପୁରୁଷଗଣକୁ ଯେଉଁ ଦେଶ ଦେବା ପାଇଁ ଆପଣା ହସ୍ତ ଉଠାଇଲୁ, ଇସ୍ରାଏଲର ସେହି ଦେଶକୁ ଆମ୍ଭେ ଯେତେବେଳେ ତୁମ୍ଭମାନଙ୍କୁ ଆଣିବା, ସେତେବେଳେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ ।
\v 43 ଆଉ, ଯହିଁରେ ତୁମ୍ଭେମାନେ ଆପଣାମାନଙ୍କୁ ଅଶୁଚି କରିଅଛ, ଆପଣାମାନଙ୍କର ସେହି ଆଚାର ବ୍ୟବହାର ଓ କ୍ରିୟାସକଳ ତୁମ୍ଭେମାନେ ସେଠାରେ ସ୍ମରଣ କରିବ ଓ ଆପଣାମାନଙ୍କର କୃତ ସମସ୍ତ କୁକ୍ରିୟା ସକାଶୁ ଆପଣାମାନଙ୍କୁ ଘୃଣା କରିବ ।
\v 44 ପୁଣି, ହେ ଇସ୍ରାଏଲ ବଂଶ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ଆମ୍ଭେ ଯେତେବେଳେ ତୁମ୍ଭମାନଙ୍କର ଦୁଷ୍ଟ ଆଚାର ବ୍ୟବହାରାନୁସାରେ ନୁହେଁ, କିଅବା ତୁମ୍ଭମାନଙ୍କର ଭ୍ରଷ୍ଟ କ୍ରିୟାନୁସାରେ ନୁହେଁ, ମାତ୍ର ଆପଣା ନାମ ନିମନ୍ତେ ତୁମ୍ଭମାନଙ୍କ ପ୍ରତି ବ୍ୟବହାର କରିବା, ସେତେବେଳେ, ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ ।"
\s5
\v 45 ଏଥିଉତ୍ତାରେ ସଦାପ୍ରଭୁଙ୍କର ବାକ୍ୟ ମୋ' ନିକଟରେ ଉପସ୍ଥିତ ହେଲା ଏବଂ ସେ କହିଲେ,
\v 46 "ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଦକ୍ଷିଣ ଦିଗ ପ୍ରତି ଆପଣା ମୁଖ ରଖ ଓ ଦକ୍ଷିଣ ଦିଗ ପ୍ରତି ଆପଣା ବାକ୍ୟ ବର୍ଷଣ କର, ଆଉ ଦକ୍ଷିଣ ପ୍ରାନ୍ତରସ୍ଥ ଅରଣ୍ୟ ବିରୁଦ୍ଧରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କର;
\v 47 ପୁଣି, ଦକ୍ଷିଣ ଦିଗର ଅରଣ୍ୟକୁ କୁହ, ସଦାପ୍ରଭୁଙ୍କର ବାକ୍ୟ ଶୁଣ; ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି: ଦେଖ, ଆମ୍ଭେ ତୁମ୍ଭ ମଧ୍ୟରେ ଅଗ୍ନି ଜ୍ୱଳାଇବା, ତାହା ତୁମ୍ଭ ମଧ୍ୟସ୍ଥିତ ପ୍ରତ୍ୟେକ ସତେଜ ଓ ଶୁଷ୍କ ବୃକ୍ଷକୁ ଗ୍ରାସ କରିବ; ସେହି ଜ୍ୱଳନ୍ତ ଅଗ୍ନିଶିଖା ନିର୍ବାପିତ ହେବ ନାହିଁ ଓ ଦକ୍ଷିଣଠାରୁ ଉତ୍ତର ପର୍ଯ୍ୟନ୍ତ ସମସ୍ତ ମୁଖ ତଦ୍ଦ୍ୱାରା ଦଗ୍ଧ ହେବ ।
\s5
\v 48 ତହିଁରେ ଆମ୍ଭେ ସଦାପ୍ରଭୁ ସେହି ଅଗ୍ନି ଯେ ଜ୍ୱଳାଇଅଛୁ, ଏହା ସମସ୍ତ ପ୍ରାଣୀ ଦେଖିବେ, ତହିଁର ନିର୍ବାଣ ନୋହିବ ।"
\v 49 ଏଥିରେ ମୁଁ କହିଲି, "ହେ ପ୍ରଭୁ, ସଦାପ୍ରଭୁ, ସେମାନେ ମୋ' ବିଷୟରେ କହନ୍ତି, ସେ ଲୋକ କି ଦୃଷ୍ଟାନ୍ତ-ବାକ୍ୟବାଦୀ ନୁହେଁ ?"
\s5
\c 21
\s ସଦାପ୍ରଭୁଙ୍କ ନିଷ୍କୋଷ ଖଡ୍‌ଗ
\p
\v 1 ଏଥିଉତ୍ତାରେ ସଦାପ୍ରଭୁଙ୍କର ବାକ୍ୟ ମୋ' ନିକଟରେ ଉପସ୍ଥିତ ହେଲା ଏବଂ ସେ କହିଲେ,
\v 2 "ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଯିରୂଶାଲମ ପ୍ରତି ଆପଣା ମୁଖ ରଖ, ପବିତ୍ର ସ୍ଥାନସମୂହର ପ୍ରତି ଆପଣା ବାକ୍ୟ ବର୍ଷଣ କର ଓ ଇସ୍ରାଏଲ ଦେଶ ବିରୁଦ୍ଧରେ ଭବିଷ୍ୟଦ୍‍-ବାକ୍ୟ ପ୍ରଚାର କର,
\v 3 ଆଉ, ଇସ୍ରାଏଲ ଦେଶକୁ କୁହ, ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ତୁମ୍ଭର ପ୍ରତିକୂଳ ଅଟୁ ଓ ଆମ୍ଭେ ଆପଣା ଖଡ଼୍‍ଗ କୋଷରୁ ବାହାର କରି ତୁମ୍ଭ ମଧ୍ୟରୁ ଧାର୍ମିକ ଓ ଦୁଷ୍ଟକୁ ଉଚ୍ଛିନ୍ନ କରିବା ।
\s5
\v 4 ଆମ୍ଭେ ତୁମ୍ଭ ମଧ୍ୟରୁ ଧାର୍ମିକ ଓ ଦୁଷ୍ଟକୁ ଉଚ୍ଛିନ୍ନ କରିବା, ଏଥିପାଇଁ ଆମ୍ଭର ଖଡ଼୍‍ଗ କୋଷରୁ ବାହାରି ଦକ୍ଷିଣଠାରୁ ଉତ୍ତର ପର୍ଯ୍ୟନ୍ତ ସମସ୍ତ ପ୍ରାଣୀର ବିରୁଦ୍ଧରେ ଯିବ;
\v 5 ତହିଁରେ ସମସ୍ତ ପ୍ରାଣୀ ଜାଣିବେ ଯେ, ଆମ୍ଭେ ସଦାପ୍ରଭୁ ଆପଣା ଖଡ଼୍‍ଗ କୋଷରୁ ବାହାର କରିଅଛୁ; ତାହା ଆଉ ଫେରିବ ନାହିଁ ।
\s5
\v 6 ଏହେତୁ ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଦୀର୍ଘ ନିଃଶ୍ୱାସ ଛାଡ଼; ତୁମ୍ଭେ ଆପଣା କଟୀ ଭାଙ୍ଗି ମନସ୍ତାପପୂର୍ବକ ସେମାନଙ୍କ ସାକ୍ଷାତରେ ଦୀର୍ଘ ନିଃଶ୍ୱାସ ଛାଡ଼ିବ ।
\v 7 ଆଉ, ତୁମ୍ଭେ କାହିଁକି ଦୀର୍ଘ ନିଃଶ୍ୱାସ ଛାଡ଼ୁଅଛ ? ଏ କଥା ଯଦି ସେମାନେ ତୁମ୍ଭକୁ ପଚାରିବେ, ତେବେ ତୁମ୍ଭେ କହିବ, ସମ୍ବାଦ ସକାଶେ, କାରଣ ତାହା ଆସୁଅଛି; ତହିଁରେ ପ୍ରତ୍ୟେକ ହୃଦୟ ତରଳି ଯିବ ଓ ସକଳ ହସ୍ତ ଦୁର୍ବଳ ହେବ, ପ୍ରତ୍ୟେକ ମନ କ୍ଳାନ୍ତ ହେବ ଓ ସମସ୍ତ ଆଣ୍ଠୁ ଜଳ ପରି ହେବ; ଦେଖ, ତାହା ଆସୁଅଛି ଓ ତାହା ସିଦ୍ଧ ହେବ," ଏହା ପ୍ରଭୁ, ସଦାପ୍ରଭୁ କହନ୍ତି ।
\s5
\v 8 ଏଥିଉତ୍ତାରେ ସଦାପ୍ରଭୁଙ୍କର ବାକ୍ୟ ମୋ' ନିକଟରେ ଉପସ୍ଥିତ ହେଲା ଏବଂ ସେ କହିଲେ,
\v 9 "ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରି କୁହ, ସଦାପ୍ରଭୁ ଏହି କଥା କହନ୍ତି; କୁହ, ଖଡ଼୍‍ଗ, ଖଡ଼୍‍ଗ, ତାହା ଶାଣିତ ଓ ମଧ୍ୟ ମାର୍ଜିତ ହୋଇଅଛି;
\s5
\v 10 ହତ୍ୟା କରିବା ନିମନ୍ତେ ତାହା ଶାଣିତ ହୋଇଅଛି, ବିଜୁଳି ପରି ହେବା ପାଇଁ ତାହା ମାର୍ଜିତ ହୋଇଅଛି; ତେବେ ଆମ୍ଭେମାନେ କି ଆମୋଦ ପ୍ରମୋଦ କରିବା ? ଆମ୍ଭ ପୁତ୍ରର ରାଜଦଣ୍ଡ ଯାବତୀୟ କାଷ୍ଠକୁ ତୁଚ୍ଛ କରେ ।
\v 11 ପୁଣି, ହାତରେ ଧରାଯିବା ନିମନ୍ତେ ତାହା ମାର୍ଜିତ ହେବା ପାଇଁ ଦିଆଯାଇଅଛି; ହନ୍ତାର ହସ୍ତରେ ଦେବା ନିମନ୍ତେ ଖଡ଼୍‍ଗ ଶାଣିତ ଓ ମାର୍ଜିତ ହୋଇଅଛି ।
\s5
\v 12 ହେ ମନୁଷ୍ୟ-ସନ୍ତାନ, କ୍ରନ୍ଦନ ଓ ହାହାକାର କର; କାରଣ ତାହା ଆମ୍ଭର ଲୋକମାନଙ୍କ ବିରୁଦ୍ଧରେ, ଇସ୍ରାଏଲର ସମସ୍ତ ଅଧିପତିଗଣର ବିରୁଦ୍ଧରେ ଉପସ୍ଥିତ ହୋଇଅଛି; ସେମାନେ ଆମ୍ଭ ଲୋକମାନଙ୍କ ସହିତ ଖଡ଼୍‍ଗରେ ସମର୍ପିତ ହୋଇଅଛନ୍ତି, ଏଣୁ ତୁମ୍ଭେ ଆପଣା ଊରୁଦେଶରେ ଆଘାତ କର ।
\v 13 କାରଣ ପରୀକ୍ଷା ଗୋଟିଏ ଅଛି, ପୁଣି, ସେହି ତୁଚ୍ଛକାରୀ ରାଜଦଣ୍ଡ ଆଉ ନ ରହେ, ତେବେ ତହିଁରେ ହିଁ କି ? ଏହା ପ୍ରଭୁ, ସଦାପ୍ରଭୁ କହନ୍ତି ।
\s5
\v 14 ଏହେତୁ ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କର ଓ ତୁମ୍ଭ ଦୁଇ ହସ୍ତ ଏକତ୍ର ମାର; ସେହି ଖଡ଼୍‍ଗ, ଆହତ ଲୋକମାନଙ୍କର ଖଡ଼୍‍ଗ ଦୁଇଗୁଣ, ତିନିଗୁଣ ହେଉ; ତାହା ଆହତ ମହତ ଲୋକର ଖଡ଼୍‍ଗ, ତାହା ସେମାନଙ୍କ ଭିତର କୋଠରୀରେ ପ୍ରବେଶ କରେ ।
\s5
\v 15 ସେମାନଙ୍କର ଅନ୍ତଃକରଣ ଯେପରି ତରଳି ଯାଏ ଓ ସେମାନଙ୍କର ଅନେକ ବିଘ୍ନ ଜନ୍ମେ, ଏଥିପାଇଁ ଆମ୍ଭେ ସେମାନଙ୍କର ସକଳ ନଗର-ଦ୍ୱାର ବିରୁଦ୍ଧରେ ଖଡ଼୍‍ଗର ଅଗ୍ରଭାଗ ରଖିଅଛୁ; ଆଃ ! ତାହା ବିଜୁଳି ତୁଲ୍ୟ ନିର୍ମିତ, ହତ୍ୟା କରିବା ନିମନ୍ତେ ତାହା ତୀକ୍ଷ୍‍ଣ କରାଯାଇଅଛି ।
\v 16 ତୁମ୍ଭେ ଆପଣାକୁ ଏକତ୍ର କର, ଡାହାଣକୁ ଯାଅ, ଆପଣାକୁ ସଜାଇ ବାମ ପ୍ରତି ଯାଅ; ଯେକୌଣସି ପ୍ରତି ତୁମ୍ଭର ମୁଖ ରଖାଯାଇଅଛି (ଆପଣାକୁ ପ୍ରସ୍ତୁତ କର) ।
\v 17 ଆମ୍ଭେ ମଧ୍ୟ ଆପଣାର ଦୁଇ ହସ୍ତ ଏକତ୍ର ମାରିବା ଓ ଆମ୍ଭେ ଆପଣା କୋପକୁ ତୃପ୍ତ କରାଇବା," ଆମ୍ଭେ ସଦାପ୍ରଭୁ ଏହା କହିଅଛୁ ।
\s5
\v 18 ପୁନର୍ବାର ସଦାପ୍ରଭୁଙ୍କର ବାକ୍ୟ ମୋ' ନିକଟରେ ଉପସ୍ଥିତ ହେଲା ଏବଂ ସେ କହିଲେ,
\v 19 "ହେ ମନୁଷ୍ୟ-ସନ୍ତାନ, ବାବିଲ ରାଜାର ଖଡ଼୍‍ଗ ଆସିବା ପାଇଁ ତୁମ୍ଭେ ଆହୁରି ଦୁଇ ପଥ ନିରୂପଣ କର; ସେ ଦୁଇ ପଥ ଏକ ଦେଶରୁ ଆସିବ; ଆଉ, ତୁମ୍ଭେ ଏକ ସ୍ଥାନ ଚିହ୍ନିତ କର, ନଗରଗାମୀ ପଥ-ମୁଣ୍ଡରେ ଚିହ୍ନିତ କର ।
\v 20 ଅମ୍ମୋନ ସନ୍ତାନଗଣର ରବ୍‍ବାକୁ ଓ ପ୍ରାଚୀର-ବେଷ୍ଟିତ ଯିରୂଶାଲମସ୍ଥ ଯିହୂଦାକୁ ଖଡ଼୍‍ଗ ଆସିବା ନିମନ୍ତେ ତୁମ୍ଭେ ପଥ ପ୍ରସ୍ତୁତ କର ।
\s5
\v 21 କାରଣ ବାବିଲ ରାଜା ମନ୍ତ୍ର ପାଠ କରିବା ନିମନ୍ତେ ଦୁଇ ପଥର ସଙ୍ଗମ ସ୍ଥାନରେ, ଅର୍ଥାତ୍‍, ଦୁଇ ପଥର ମୁଣ୍ଡରେ ଠିଆ ହେଲା; ସେ ତୀରସବୁ ଏଣେତେଣେ ହଲାଇଲା, ସେ ଠାକୁରମାନଙ୍କୁ ମନ୍ତ୍ରଣା ପଚାରିଲା, ସେ ଯକୃତ ନିରୀକ୍ଷଣ କଲା ।
\v 22 ତାହାର ଦକ୍ଷିଣ ହସ୍ତରେ ଯିରୂଶାଲମ ନାମରେ, ଅର୍ଥାତ୍‍, ସେହି ସ୍ଥାନରେ ପ୍ରାଚୀରଭେଦକ ଯନ୍ତ୍ର ସ୍ଥାପନ କରିବାକୁ, ବଧଆଜ୍ଞା ଦେବାକୁ, ଉଚ୍ଚସ୍ୱରରେ ସିଂହନାଦ କରିବାକୁ, ନଗରର ଦ୍ୱାରସମୂହର ବିରୁଦ୍ଧରେ ପ୍ରାଚୀର-ଭେଦକ ଯନ୍ତ୍ର ସ୍ଥାପନ କରିବାକୁ, ବନ୍ଧ ବାନ୍ଧିବାକୁ ଓ ଦୁର୍ଗ ନିର୍ମାଣ କରିବାକୁ ଯିରୂଶାଲମର ନାମରେ ମନ୍ତ୍ର ଉଠିଲା ।
\v 23 ମାତ୍ର ସେମାନଙ୍କ ପ୍ରତି, ଅର୍ଥାତ୍‍, ଯେଉଁମାନେ ଥରକୁଥର ସେମାନଙ୍କ ନିକଟରେ ଶପଥ କରିଅଛନ୍ତି, ସେମାନଙ୍କ ଦୃଷ୍ଟିରେ ତାହା ମିଥ୍ୟା ବୋଧ ହେବ; ତଥାପି ସେମାନେ ଯେପରି ଧରାଯିବେ, ଏଥିପାଇଁ ସେ ସେମାନଙ୍କର ଅଧର୍ମ ସ୍ମରଣରେ ଆଣିବେ ।
\s5
\v 24 ଏହେତୁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, "ତୁମ୍ଭମାନଙ୍କର ଆଜ୍ଞାଲଘଂନସବୁ ଅନାବୃତ ହେବାରେ ତୁମ୍ଭେମାନେ ଆପଣାମାନଙ୍କର ଅଧର୍ମ ସ୍ମରଣ କରାଇଅଛ, ଏଥିପାଇଁ ତୁମ୍ଭମାନଙ୍କର ସକଳ କ୍ରିୟାରେ ତୁମ୍ଭମାନଙ୍କର ପାପ ପ୍ରକାଶ ପାଏ; ତୁମ୍ଭେମାନେ ସ୍ମରଣରେ ଆସିବାରୁ ତୁମ୍ଭେମାନେ ହସ୍ତରେ ଧରାଯିବ ।"
\s5
\v 25 ପୁଣି, ହେ ଆହତ ଦୁଷ୍ଟ ଇସ୍ରାଏଲୀୟ ଅଧିପତି, ଅନ୍ତିମ ଅପରାଧ ସମୟରେ ତୁମ୍ଭର ଦିନ ଉପସ୍ଥିତ ହୋଇଅଛି;
\v 26 ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; "ଶିରୋଭୂଷଣ ଦୂର କର, ରାଜମୁକୁଟ କାଢ଼ି ପକାଅ; ଏହା ସେହିପରି ଆଉ ରହିବ ନାହିଁ; ଯାହା ନୀଚ, ତାହାକୁ ଉଚ୍ଚ କର ଓ ଯାହା ଉଚ୍ଚ, ତାହାକୁ ନୀଚ କର ।"
\v 27 ଆମ୍ଭେ ତାହା ଓଲଟାଇ ପକାଇବା, ଓଲଟାଇ ପକାଇବା, ଓଲଟାଇ ପକାଇବା; ଯେ ଅଧିକାରୀ ଅଟନ୍ତି, ସେ ନ ଆସିବା ପର୍ଯ୍ୟନ୍ତ ଏହା ମଧ୍ୟ ଆଉ ରହିବ ନାହିଁ, ତହୁଁ ଆମ୍ଭେ ତାହାଙ୍କୁ ଏହା ଦେବା ।
\s5
\v 28 ପୁଣି ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରି କୁହ, ପ୍ରଭୁ, ସଦାପ୍ରଭୁ ଅମ୍ମୋନ-ସନ୍ତାନଗଣ ବିଷୟରେ ଓ ସେମାନଙ୍କ ଅପମାନ ବିଷୟରେ ଏହି କଥା କହନ୍ତି; ତୁମ୍ଭେ କୁହ, ଅନ୍ତିମ ଅଧର୍ମ ସମୟରେ ଯେଉଁମାନଙ୍କର ଦିନ ଉପସ୍ଥିତ ହୋଇଅଛି, ଏପରି ଆହତ ଦୁଷ୍ଟ ଲୋକମାନଙ୍କର ଗ୍ରୀବା ଉପରେ ତୁମ୍ଭକୁ ଥୋଇବା ନିମନ୍ତେ ଲୋକମାନେ ତୁମ୍ଭ ପାଇଁ ଅସାର ଦର୍ଶନ ପାଇଲେ ହେଁ ଓ ତୁମ୍ଭ ନିକଟରେ ମିଥ୍ୟା ମନ୍ତ୍ର ପାଠ କଲେ ହେଁ,
\v 29 ଖଡ଼୍‍ଗ, ଖଡ଼୍‍ଗ ନିଷ୍କୋଷ ହୋଇଅଛି, ହତ୍ୟା ଓ ଗ୍ରାସ କରିବା ନିମନ୍ତେ ତାହା ଯେପରି ବିଦ୍ୟୁତ ପରି ହେବ, ଏଥିପାଇଁ ତାହା ମାର୍ଜ୍ଜିତ ହୋଇଅଛି ।
\s5
\v 30 ତାକୁ ପୁନର୍ବାର ତାହାର କୋଷକୁ ଫେରାଇ ଆଣ । ତୁମ୍ଭେ ଯେଉଁ ସ୍ଥାନରେ ସୃଷ୍ଟ ହୋଇଥିଲ ଓ ଯେଉଁ ଦେଶରେ ତୁମ୍ଭେ ଜନ୍ମ ହୋଇଥିଲ, ସେଠାରେ ଆମ୍ଭେ ତୁମ୍ଭର ବିଚାର କରିବା ।
\v 31 ଆଉ, ଆମ୍ଭେ ତୁମ୍ଭ ଉପରେ ଆପଣା କ୍ରୋଧ ଢାଳିବା; ଆମ୍ଭେ ତୁମ୍ଭ ଉପରେ ଆପଣା କୋପରୂପ ଅଗ୍ନି ଫୁଙ୍କିବା; ପୁଣି, ଆମ୍ଭେ ପଶୁବତ୍‍ ଓ ବିନାଶ କରିବାକୁ ନିପୁଣ ଲୋକମାନଙ୍କ ହସ୍ତରେ ତୁମ୍ଭକୁ ସମର୍ପଣ କରିବା ।
\s5
\v 32 ତୁମ୍ଭେ ଅଗ୍ନି ପାଇଁ ଜାଳ ସ୍ୱରୂପ ହେବ; ତୁମ୍ଭର ରକ୍ତ ଦେଶ ମଧ୍ୟରେ ପତିତ ହେବ; ତୁମ୍ଭେ ଆଉ ସ୍ମୃତି ପଥରେ ଆସିବ ନାହିଁ; କାରଣ ଆମ୍ଭେ ସଦାପ୍ରଭୁ ଏହା କହିଅଛୁ ।"
\s5
\c 22
\s ଇସ୍ରାଏଲର ରକ୍ତପାତ
\p
\v 1 ଆହୁରି, ସଦାପ୍ରଭୁଙ୍କର ଏହି ବାକ୍ୟ ମୋ' ନିକଟରେ ଉପସ୍ଥିତ ହେଲା ଏବଂ ସେ କହିଲେ,
\v 2 "ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ କି ବିଚାର କରିବ ? ତୁମ୍ଭେ କି ଏହି ରକ୍ତମୟୀ ନଗରୀର ବିଚାର କରିବ ? ତେବେ ତାହାର ଘୃଣାଯୋଗ୍ୟ କ୍ରିୟାସକଳ ତାହାକୁ ଜ୍ଞାତ କରାଅ ।"
\v 3 ପୁଣି, ତୁମ୍ଭେ ତାହାକୁ କହିବ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ହେ ନଗରୀ ! ତୁମ୍ଭେ ଆପଣାର କାଳ ଉପସ୍ଥିତ କରାଇବା ନିମନ୍ତେ ଆପଣା ମଧ୍ୟରେ ରକ୍ତପାତ କରୁଅଛ ଓ ଆପଣାକୁ ଅଶୁଚି କରିବା ନିମନ୍ତେ ଆପଣା ପାଇଁ ପ୍ରତିମାଗଣ ନିର୍ମାଣ କରୁଅଛ ।
\s5
\v 4 ତୁମ୍ଭେ ଯେଉଁ ରକ୍ତପାତ କରିଅଛ, ତଦ୍ଦ୍ୱାରା ଦୋଷୀ ହୋଇଅଛ ଓ ତୁମ୍ଭେ ଯେଉଁ ପ୍ରତିମାଗଣ ନିର୍ମାଣ କରିଅଛ, ତଦ୍ଦ୍ୱାରା ଅଶୁଚି ହୋଇଅଛ; ଆଉ, ତୁମ୍ଭେ ଆପଣାର ଦିନ ନିକଟବର୍ତ୍ତୀ କରାଇଅଛ ଓ ମଧ୍ୟ ଆପଣା ଆୟୁର ଶେଷାଂଶରେ ଉପସ୍ଥିତ ହୋଇଅଛ; ଏଣୁ ଆମ୍ଭେ ତୁମ୍ଭକୁ ଗୋଷ୍ଠୀଗଣ ନିକଟରେ ନିନ୍ଦାର ପାତ୍ର ଓ ସବୁ ଦେଶ ନିକଟରେ ପରିହାସର ପାତ୍ର କରିଅଛୁ ।
\v 5 ହେ ଦୁର୍ନାମୀ ଓ କଳହପୂର୍ଣ୍ଣେ, ତୁମ୍ଭର ନିକଟସ୍ଥ ଓ ଦୂରସ୍ଥ ସମସ୍ତେ ତୁମ୍ଭକୁ ପରିହାସ କରିବେ ।
\s5
\v 6 ଦେଖ, ଇସ୍ରାଏଲର ଅଧିପତିଗଣ ପ୍ରତ୍ୟେକେ ଆପଣା ଆପଣା ପରାକ୍ରମ ଅନୁସାରେ ରକ୍ତପାତ କରିବା ନିମନ୍ତେ ତୁମ୍ଭ ମଧ୍ୟରେ ରହିଅଛନ୍ତି ।
\v 7 ତୁମ୍ଭ ମଧ୍ୟରେ ଲୋକମାନେ ପିତାମାତାଙ୍କୁ ଅବଜ୍ଞା କରିଅଛନ୍ତି; ତୁମ୍ଭ ମଧ୍ୟରେ ଲୋକମାନେ ବିଦେଶୀ ପ୍ରତି ଉପଦ୍ରବ କରିଅଛନ୍ତି; ତୁମ୍ଭ ମଧ୍ୟରେ ଲୋକମାନେ ପିତୃହୀନ ଓ ବିଧବା ପ୍ରତି ଅନ୍ୟାୟ କରିଅଛନ୍ତି ।
\v 8 ତୁମ୍ଭେ ଆମ୍ଭର ପବିତ୍ର ବସ୍ତୁସକଳ ତୁଚ୍ଛ କରିଅଛ ଓ ଆମ୍ଭର ବିଶ୍ରାମ ଦିନସବୁ ଅପବିତ୍ର କରିଅଛ ।
\v 9 ରକ୍ତପାତ କରିବା ପାଇଁ ନିନ୍ଦକମାନେ ତୁମ୍ଭ ମଧ୍ୟରେ ରହିଅଛନ୍ତି ଓ ତୁମ୍ଭ ମଧ୍ୟରେ ଲୋକମାନେ ପର୍ବତ ଉପରେ ଭୋଜନ କରିଅଛନ୍ତି; ତୁମ୍ଭ ମଧ୍ୟରେ ଲୋକମାନେ ଲମ୍ପଟାଚରଣ କରିଅଛନ୍ତି ।
\s5
\v 10 ତୁମ୍ଭ ମଧ୍ୟରେ ଲୋକମାନେ ଆପଣା ଆପଣା ପିତାର ଆବରଣୀୟ ଅନାବୃତ କରିଅଛନ୍ତି; ତୁମ୍ଭ ମଧ୍ୟରେ ଲୋକମାନେ ଋତୁ ସମୟରେ ଅଶୁଚି ଥିବା ସ୍ତ୍ରୀକୁ ବଳାତ୍କାର କରିଅଛନ୍ତି ।
\v 11 ପୁଣି, କେହି କେହି ଆପଣା ପ୍ରତିବାସୀର ଭାର୍ଯ୍ୟା ସଙ୍ଗେ ଘୃଣାଯୋଗ୍ୟ କର୍ମ କରିଅଛନ୍ତି, ପୁଣି, ଅନ୍ୟ କେହି କେହି ଲମ୍ପଟତାପୂର୍ବକ ଆପଣା ପୁତ୍ରବଧୂକୁ ଅଶୁଚି କରିଅଛନ୍ତି; ଆଉ, ତୁମ୍ଭ ମଧ୍ୟରେ ଅନ୍ୟ କେହି କେହି ଆପଣା ଆପଣା ଭଗିନୀକୁ, ଆପଣା ପିତାର କନ୍ୟାକୁ ବଳାତ୍କାର କରିଅଛନ୍ତି ।
\v 12 ତୁମ୍ଭ ମଧ୍ୟରେ ଲୋକମାନେ ରକ୍ତପାତ କରିବା ପାଇଁ ଲାଞ୍ଚ ନେଇ ଅଛନ୍ତି; ତୁମ୍ଭେ ସୁଧ ଓ ବୃଦ୍ଧି ଗ୍ରହଣ କରିଅଛ, ଆଉ ତୁମ୍ଭେ ଲୋଭରେ ଉପଦ୍ରବ କରି ଆପଣା ପ୍ରତିବାସୀଠାରୁ ଲାଭ ନେଇଅଛ," ପୁଣି, ଆମ୍ଭକୁ ପାସୋରିଅଛ, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି ।
\s5
\v 13 "ଏଥିପାଇଁ ଦେଖ, ତୁମ୍ଭର ଅନ୍ୟାୟ ଲାଭ ଓ ତୁମ୍ଭ ମଧ୍ୟରେ ଯେଉଁ ରକ୍ତପାତ ହୋଇଅଛି, ତହିଁ ନିମନ୍ତେ ଆମ୍ଭେ ଆପଣା ହସ୍ତ ଦେଇଅଛୁ ।
\v 14 ଯେଉଁ ଦିନ ଆମ୍ଭେ ତୁମ୍ଭଠାରୁ ନିକାଶ ନେବା, ସେହି ଦିନ ତୁମ୍ଭ ଅନ୍ତଃକରଣ କି ସହି ପାରିବ, ଅବା ତୁମ୍ଭର ହସ୍ତ କି ସବଳ ହୋଇ ପାରିବ ? ଆମ୍ଭେ ସଦାପ୍ରଭୁ ଏହା କହିଅଛୁ ଓ ଏହା ସିଦ୍ଧ କରିବା ।
\v 15 ପୁଣି, ଆମ୍ଭେ ନାନା ଗୋଷ୍ଠୀ ମଧ୍ୟରେ ତୁମ୍ଭକୁ ଛିନ୍ନ-ଭିନ୍ନ କରିବା ଓ ନାନା ଦେଶରେ ତୁମ୍ଭକୁ ନିକ୍ଷେପ କରିବା; ଆଉ, ଆମ୍ଭେ ତୁମ୍ଭର ଅଶୁଚିତା ତୁମ୍ଭଠାରୁ ନାଶ କରିବା ।
\v 16 ଆଉ, ତୁମ୍ଭେ ଗୋଷ୍ଠୀଗଣର ସାକ୍ଷାତରେ ଆପଣା ସକାଶୁ ଅପବିତ୍ର ହେବ," ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେ ଜାଣିବ ।
\s5
\v 17 ଏଥିଉତ୍ତାରେ ସଦାପ୍ରଭୁଙ୍କର ବାକ୍ୟ ମୋ' ନିକଟରେ ଉପସ୍ଥିତ ହେଲା ଏବଂ ସେ କହିଲେ,
\v 18 "ହେ ମନୁଷ୍ୟ-ସନ୍ତାନ, ଇସ୍ରାଏଲ ବଂଶ ଆମ୍ଭ ନିକଟରେ ଖାଦ ସ୍ୱରୂପ ହୋଇଅଛନ୍ତି; ସେମାନେ ସମସ୍ତେ ଉହ୍ମେଇ ମଧ୍ୟରେ ପିତ୍ତଳ, ଦସ୍ତା, ଲୁହା ଓ ସୀସା ସ୍ୱରୂପ ହୋଇଅଛନ୍ତି; ସେମାନେ ରୂପାର ଖାଦ ସ୍ୱରୂପ,"
\v 19 ଏହେତୁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; "ତୁମ୍ଭେ ସମସ୍ତେ ଖାଦ ସ୍ୱରୂପ ହୋଇଅଛ, ଏଥିପାଇଁ ଦେଖ, ଆମ୍ଭେ ତୁମ୍ଭମାନଙ୍କୁ ଯିରୂଶାଲମ ମଧ୍ୟରେ ଏକତ୍ର କରିବା ।
\s5
\v 20 ଯେପରି ଲୋକମାନେ ଉହ୍ମେଇ ମଧ୍ୟରେ ରୂପା, ପିତ୍ତଳ ଓ ଲୁହା, ସୀସା ଓ ଦସ୍ତା ଏକତ୍ର କରି, ତରଳାଇବା ପାଇଁ ତହିଁ ଉପରେ ଅଗ୍ନି ରଖି ଫୁଙ୍କନ୍ତି; ସେହିପରି ଆମ୍ଭେ ତୁମ୍ଭମାନଙ୍କୁ ଆପଣା କ୍ରୋଧ ଓ ଆପଣା କୋପରେ ଏକତ୍ର କରି ସେହି ସ୍ଥାନରେ ରଖିବା ଓ ତୁମ୍ଭମାନଙ୍କୁ ତରଳାଇବା ।
\v 21 ହଁ, ଆମ୍ଭେ ତୁମ୍ଭମାନଙ୍କୁ ଏକତ୍ର କରି ଆପଣା କ୍ରୋଧରୂପ ଅଗ୍ନିରେ ତୁମ୍ଭମାନଙ୍କୁ ଫୁଙ୍କିବା, ତହୁଁ ତୁମ୍ଭେମାନେ ତହିଁ ମଧ୍ୟରେ ତରଳି ଯିବ ।
\v 22 ଯେପରି ରୂପା ଉହ୍ମେଇ ମଧ୍ୟରେ ତରଳା ଯାଏ, ସେହିପରି ତୁମ୍ଭେମାନେ ତହିଁ ମଧ୍ୟରେ ତରଳା ଯିବ; ତହିଁରେ ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କ ଉପରେ ଯେ ଆପଣା କୋପ ଢାଳିଅଛୁ, ଏହା ତୁମ୍ଭେମାନେ ଜାଣିବ ।"
\s5
\v 23 ଏଥିଉତ୍ତାରେ ସଦାପ୍ରଭୁଙ୍କର ବାକ୍ୟ ମୋ' ନିକଟରେ ଉପସ୍ଥିତ ହେଲା ଏବଂ ସେ କହିଲେ,
\v 24 "ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ତାହାକୁ କୁହ, ଯେଉଁ ଦେଶ ପରିଷ୍କୃତ ହୋଇ ନାହିଁ, କିଅବା କ୍ରୋଧର ଦିନରେ ଯହିଁ ଉପରେ ବୃଷ୍ଟି ହୋଇ ନାହିଁ, ତୁମ୍ଭେ ଏପରି ଦେଶ ଅଟ ।
\v 25 ତାହାର ଭବିଷ୍ୟଦ୍‍ବକ୍ତାମାନେ ତହିଁ ମଧ୍ୟରେ ଚକ୍ରାନ୍ତ କରନ୍ତି, ସେମାନେ ମୃଗୟା ବିଦାରିବାକୁ ଉତ୍ସୁକ ଗର୍ଜନକାରୀ ସିଂହ ପରି; ସେମାନେ ପ୍ରାଣୀମାନଙ୍କୁ ଗ୍ରାସ କରିଅଛନ୍ତି; ସେମାନେ ଧନ ଓ ବହୁମୂଲ୍ୟ ବସ୍ତ୍ର ହରଣ କରନ୍ତି; ସେମାନେ ତହିଁ ମଧ୍ୟରେ ଅନେକଙ୍କୁ ବିଧବା କରିଅଛନ୍ତି ।
\s5
\v 26 ତାହାର ଯାଜକମାନେ ଆମ୍ଭ ବ୍ୟବସ୍ଥା ପ୍ରତି ଦୌରାତ୍ମ୍ୟ କରିଅଛନ୍ତି ଓ ଆମ୍ଭର ପବିତ୍ର ବସ୍ତୁସବୁ ଅପବିତ୍ର କରିଅଛନ୍ତି; ସେମାନେ ପବିତ୍ର ଓ ସାମାନ୍ୟ ବିଷୟ ମଧ୍ୟରେ କିଛି ହିଁ ପ୍ରଭେଦ ରଖି ନାହାନ୍ତି, କିଅବା ଶୁଚି ଅଶୁଚି ମଧ୍ୟରେ ବିଶେଷ କରିବା ପାଇଁ ଲୋକମାନଙ୍କୁ ଶିଖାଇ ନାହାନ୍ତି, ପୁଣି, ଆମ୍ଭ ବିଶ୍ରାମ ଦିନ ପ୍ରତି ସେମାନଙ୍କ ଚକ୍ଷୁ ମୁଦ୍ରିତ କରିଅଛନ୍ତି, ଆଉ ଆମ୍ଭେ ସେମାନଙ୍କ ମଧ୍ୟରେ ଅପବିତ୍ରୀକୃତ ହେଉଅଛୁ ।
\v 27 ତାହାର ଅଧିପତିମାନେ ଅନ୍ୟାୟ ଲାଭର ଚେଷ୍ଟାରେ ରକ୍ତପାତ ଓ ପ୍ରାଣୀମାନଙ୍କୁ ବିନାଶ କରିବା ପାଇଁ ମୃଗୟା ବିଦାରିବାକୁ ଉତ୍ସୁକ, କେନ୍ଦୁଆଗଣ ପରି ତହିଁ ମଧ୍ୟରେ ଅଛନ୍ତି ।
\v 28 ପୁଣି, ତାହାର ଭବିଷ୍ୟଦ୍‍ବକ୍ତାମାନେ ଅସାର ଦର୍ଶନ ପାଇ ଓ ସଦାପ୍ରଭୁ କହି ନ ଥିଲେ ହେଁ, ପ୍ରଭୁ, ସଦାପ୍ରଭୁ ଏହି କଥା କହିଅଛନ୍ତି ବୋଲି ସେମାନଙ୍କ ନିକଟରେ ମିଥ୍ୟା ମନ୍ତ୍ର ପାଠ କରି ଅମିଶ୍ରିତ ମସଲାରେ ସେମାନଙ୍କ କାନ୍ଥ ଲେପନ କରିଅଛନ୍ତି ।"
\s5
\v 29 ଦେଶସ୍ଥ ଲୋକମାନେ ଉପଦ୍ରବ କରିଅଛନ୍ତି ଓ ପରର ଦ୍ରବ୍ୟ ବଳପୂର୍ବକ ଅପହରଣ କରିଅଛନ୍ତି; ହଁ, ସେମାନେ ଦରିଦ୍ର ଓ ଦୀନହୀନକୁ କ୍ଳେଶ ଦେଇଅଛନ୍ତି ଓ ବିଦେଶୀ ପ୍ରତି ଅନ୍ୟାୟପୂର୍ବକ ଉପଦ୍ରବ କରିଅଛନ୍ତି ।
\s5
\v 30 ପୁଣି, ଆମ୍ଭେ ଯେପରି ଦେଶ ବିନଷ୍ଟ ନ କରୁ, ଏଥିପାଇଁ ଯେ ପ୍ରାଚୀର ଦୃଢ଼ କରି ପାରିବ ଓ ଫାଟ ସ୍ଥାନରେ ଆମ୍ଭ ସମ୍ମୁଖରେ ଦେଶର ସପକ୍ଷରେ ଠିଆ ହେବ, ଏପରି ଏକ ପୁରୁଷ ଆମ୍ଭେ ଅନ୍ଵେଷଣ କଲୁ, ମାତ୍ର ଜଣେ ସୁଦ୍ଧା ପାଇଲୁ ନାହିଁ ।
\v 31 ଏହେତୁ ଆମ୍ଭେ ସେମାନଙ୍କ ଉପରେ ଆପଣା କ୍ରୋଧ ଢାଳି ଦେଇଅଛୁ; ଆମ୍ଭେ ଆପଣା କୋପାଗ୍ନିରେ ସେମାନଙ୍କୁ ସଂହାର କରିଅଛୁ; ସେମାନଙ୍କ ନିଜ କାର୍ଯ୍ୟର ଫଳ ସେମାନଙ୍କର ମସ୍ତକରେ ବର୍ତ୍ତାଇଅଛୁ, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି ।
\s5
\c 23
\s ଦୁଇ ପାପୀଷ୍ଠା ଭଗିନୀ
\p
\v 1 ସଦାପ୍ରଭୁଙ୍କର ବାକ୍ୟ ପୁନର୍ବାର ମୋ' ନିକଟରେ ଉପସ୍ଥିତ ହେଲା ଏବଂ ସେ କହିଲେ,
\v 2 "ହେ ମନୁଷ୍ୟ-ସନ୍ତାନ, ଦୁଇ ସ୍ତ୍ରୀ ଥିଲେ, ସେମାନେ ଏକ ମାତାର କନ୍ୟା;
\v 3 ପୁଣି, ସେମାନେ ମିସରରେ ବ୍ୟଭିଚାର କଲେ; ସେମାନେ ଯୌବନ କାଳରେ ବ୍ୟଭିଚାର କଲେ; ସେହି ସ୍ଥାନରେ ସେମାନଙ୍କର ସ୍ତନ ମର୍ଦ୍ଦିତ ହେଲା, ଆଉ ସେହି ସ୍ଥାନରେ ଲୋକମାନେ ସେମାନଙ୍କର କୌମାର୍ଯ୍ୟକାଳୀନ କୁଚାଗ୍ର ଚିପିଲେ ।
\v 4 ସେମାନଙ୍କ ମଧ୍ୟରେ ଜ୍ୟେଷ୍ଠାର ନାମ ଅହଲା (ତାହାର ତମ୍ବୁ) ଓ ତାହାର ଭଗିନୀର ନାମ ଅହଲୀବା (ତାହାର ମଧ୍ୟରେ ଆମ୍ଭର ତମ୍ବୁ); ସେମାନେ ଆମ୍ଭର ହେଲେ ଓ ପୁତ୍ର କନ୍ୟା ପ୍ରସବ କଲେ । ପୁଣି, ନାମାନୁସାରେ ଶମରୀୟା ଅହଲା ଓ ଯିରୂଶାଲମ ଅହଲୀବା ଅଟେ ।
\s5
\v 5 ଆଉ, ଅହଲା ଆମ୍ଭର ହୋଇଥିବା ସମୟରେ ବ୍ୟଭିଚାର କଲା ଓ ଆପଣାର ପ୍ରତିବାସୀ ଅଶୂରୀୟ ପ୍ରେମିକଗଣଠାରେ ଆସକ୍ତା ହେଲା,
\v 6 ସେମାନେ ନୀଳାମ୍ବର ପରିହିତ, ଦେଶାଧ୍ୟକ୍ଷ, ଶାସନକର୍ତ୍ତୃଗଣ ଓ ସମସ୍ତେ ମନୋହର ଯୁବା ଲୋକ ଓ ଅଶ୍ୱାରୋହୀ ଥିଲେ ।
\v 7 ପୁଣି, ସେ ସେମାନଙ୍କର, ଅର୍ଥାତ୍‍, ଅଶୂରର ମନୋନୀତ ସକଳ ଲୋକଙ୍କ ସଙ୍ଗରେ ବ୍ୟଭିଚାର କଲା ଓ ସେ ଯେକୌଣସି ଲୋକ ପ୍ରତି ପ୍ରେମରେ ଆସକ୍ତ ଥିଲା, ତାହାର ପ୍ରତିମାଗଣ ଦ୍ୱାରା ଆପଣାକୁ ଭ୍ରଷ୍ଟା କଲା ।
\s5
\v 8 ଆଉ, ସେ ମିସର ଦେଶର ସମୟଠାରୁ ଆପଣା ବ୍ୟଭିଚାର ବୃତ୍ତି ତ୍ୟାଗ କରି ନାହିଁ; କାରଣ ତାହାର ଯୌବନାବସ୍ଥାରେ ସେମାନେ ତାହା ସଙ୍ଗେ ଶୟନ କଲେ ଓ ତାହାର କୌମାର୍ଯ୍ୟକାଳୀନ କୁଚାଗ୍ର ଚିପିଲେ; ଆଉ, ତାହା ସହିତ ଅତିଶୟ ବ୍ୟଭିଚାର କଲେ ।
\v 9 ଏଥିପାଇଁ ଆମ୍ଭେ ତାହାର ପ୍ରେମିକଗଣର ହସ୍ତରେ, ଅର୍ଥାତ୍‍, ଯେଉଁମାନଙ୍କ ପ୍ରତି ସେ ପ୍ରେମରେ ଆସକ୍ତା ହୋଇଥିଲା, ସେହି ଅଶୂରୀୟମାନଙ୍କ ହସ୍ତରେ ତାହାକୁ ସମର୍ପଣ କଲୁ ।
\v 10 ସେମାନେ ତାହାର ଉଲଙ୍ଗତା ଅନାବୃତ କଲେ; ତାହାର ପୁତ୍ର ଓ କନ୍ୟାଗଣକୁ ନେଲେ ଓ ତାହାଙ୍କୁ ସେମାନେ ଖଡ଼୍‍ଗରେ ବଧ କଲେ; ତହିଁରେ ସେ ସ୍ତ୍ରୀମାନଙ୍କ ମଧ୍ୟରେ ଉପହାସର ବିଷୟ ହେଲା; କାରଣ ଲୋକମାନେ ତାହା ଉପରେ ଦଣ୍ଡାଜ୍ଞା ସଫଳ କଲେ ।
\s5
\v 11 ଆଉ, ତାହାର ଭଗିନୀ ଅହଲୀବା ଏହା ଦେଖିଲା; ତଥାପି ଆପଣା ପ୍ରେମାସକ୍ତିରେ ଓ ବେଶ୍ୟା କ୍ରିୟାରେ ତାହା ଅପେକ୍ଷା ଅଧିକ ଭ୍ରଷ୍ଟା ହେଲା, ତାହାର ଭଗିନୀର ବେଶ୍ୟା କ୍ରିୟା ଅପେକ୍ଷା ତାହାର ବେଶ୍ୟା କ୍ରିୟା ଅଧିକ ଥିଲା ।
\v 12 ସେ ଆପଣା ପ୍ରତିବାସୀ ଅଶୂରୀୟ ଦେଶାଧ୍ୟକ୍ଷ ଓ ଶାସନକର୍ତ୍ତୃଗଣ ପ୍ରତି ପ୍ରେମରେ ଆସକ୍ତା ହେଲା, ସେମାନେ ଅତ୍ୟନ୍ତ ସୁନ୍ଦର ବସ୍ତ୍ର ପରିହିତ, ଅଶ୍ୱାରୋହୀ ଓ ସମସ୍ତେ ମନୋହର ଯୁବା ଲୋକ ଥିଲେ ।
\v 13 ଆଉ, ଆମ୍ଭେ ଦେଖିଲୁ, ସେ ଭ୍ରଷ୍ଟା ହେଲା; ସେ ଦୁହେଁ ଏକ ପଥଗାମିନୀ ହେଲେ ।
\s5
\v 14 ପୁଣି, ସେ ଆପଣା ବେଶ୍ୟା କ୍ରିୟା ବଢ଼ାଇଲା; କାରଣ ସେ କାନ୍ଥରେ ଚିତ୍ରିତ ପୁରୁଷମାନଙ୍କର, ଅର୍ଥାତ୍‍, କଲ୍‍ଦୀୟମାନଙ୍କର ସିନ୍ଦୂରଚିତ୍ରିତ ମୂର୍ତ୍ତି ଦେଖିଲା,
\v 15 ସେମାନଙ୍କ କଟୀରେ ପଟୁକା ବନ୍ଧା, ମସ୍ତକରେ ରଙ୍ଗ ଚିତ୍ରିତ ଭୂଷଣ ଥିଲା, ସେମାନେ ସମସ୍ତେ ଦେଖିବାକୁ କଲ୍‍ଦୀୟ ଦେଶଜାତ ବାବିଲୀୟମାନଙ୍କ ରୂପବିଶିଷ୍ଟ ଅଧିପତିଗଣର ତୁଲ୍ୟ ଥିଲେ ।
\s5
\v 16 ପୁଣି, ସେ ସେମାନଙ୍କୁ ଦେଖିବା ମାତ୍ର ସେମାନଙ୍କ ପ୍ରତି ପ୍ରେମରେ ଆସକ୍ତା ହେଲା ଓ କଲ୍‍ଦୀୟ ଦେଶକୁ ସେମାନଙ୍କ ନିକଟକୁ ବାର୍ତ୍ତାବାହକ ପଠାଇଲା ।
\v 17 ତହିଁରେ ବାବିଲୀୟ ଲୋକମାନେ ତାହାର ନିକଟକୁ ଆସି ପ୍ରେମଶଯ୍ୟାରେ ଶୟନ କଲେ ଓ ଆପଣମାନଙ୍କର ବ୍ୟଭିଚାର କ୍ରିୟା ଦ୍ୱାରା ତାହାକୁ ଅଶୁଚି କଲେ, ପୁଣି, ସେମାନଙ୍କ ଦ୍ୱାରା ଭ୍ରଷ୍ଟା ହେଲା ଉତ୍ତାରେ ତାହାର ପ୍ରାଣ ସେମାନଙ୍କଠାରୁ ବିମୁଖ ହେଲା ।
\s5
\v 18 ଏହିରୂପେ ସେ ଆପଣା ବେଶ୍ୟା କ୍ରିୟା ପ୍ରକାଶ କଲା ଓ ଆପଣା ଉଲଙ୍ଗତା ଅନାବୃତ କଲା; ତହୁଁ ଆମ୍ଭର ପ୍ରାଣ ଯେପରି ତାହାର ଭଗିନୀଠାରୁ ବିମୁଖ ହୋଇଥିଲା, ସେହିପରି ତାହାଠାରୁ ମଧ୍ୟ ବିମୁଖ ହେଲା ।
\v 19 ତଥାପି ସେ ଆପଣା ଯୌବନ କାଳରେ ମିସର ଦେଶରେ ଯେଉଁ ବେଶ୍ୟା କର୍ମ କରିଥିଲା, ତାହା ସ୍ମରଣ କରି ଆପଣାର ବେଶ୍ୟା କ୍ରିୟା ବଢ଼ାଇଲା ।
\s5
\v 20 ଆଉ, ଗର୍ଦ୍ଦଭଗଣର ପରି ମାଂସବିଶିଷ୍ଟ ଓ ଅଶ୍ୱଗଣର ପରି ରେତଃବିଶିଷ୍ଟ, ସେମାନଙ୍କ ଉପପତିମାନଙ୍କଠାରେ ସେ ଆସକ୍ତା ହେଲା ।
\v 21 ଏହି ପ୍ରକାରେ ମିସ୍ରୀୟମାନେ ଯେଉଁ ସମୟରେ ଯୌବନକାଳୀନ ସ୍ତନ ବୋଲି ତୁମ୍ଭର କୁଚାଗ୍ର ଚିପିଥିଲେ, ତୁମ୍ଭେ ଆପଣା ଯୌବନ କାଳର ସେହି ଲମ୍ପଟାଚରଣ ସ୍ମରଣ କରୁଅଛ ।
\s5
\v 22 ଏନିମନ୍ତେ ହେ ଅହଲୀବେ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଯେଉଁମାନଙ୍କଠାରୁ ତୁମ୍ଭର ପ୍ରାଣ ବିମୁଖ ହୋଇଅଛି, ତୁମ୍ଭର ସେହି ପ୍ରେମିକମାନଙ୍କୁ ଆମ୍ଭେ ତୁମ୍ଭ ବିରୁଦ୍ଧରେ ଉଠାଇବା ଓ ଚତୁର୍ଦ୍ଦିଗରୁ ସେମାନଙ୍କୁ ତୁମ୍ଭ ବିରୁଦ୍ଧରେ ଆଣିବା;
\v 23 ବାବିଲୋନୀୟମାନଙ୍କୁ ଓ ସମୁଦାୟ କଲ୍‍ଦୀୟ ଲୋକଙ୍କୁ, ପକୋଦ, ଶୋୟା, କୋୟା ଓ ସେମାନଙ୍କ ସଙ୍ଗେ ସମୁଦାୟ ଅଶୂରୀୟ ଲୋକଙ୍କୁ ଆଣିବା; ସେମାନେ ସମସ୍ତେ ମନୋହର ଯୁବା ଲୋକ । ଦେଶାଧ୍ୟକ୍ଷ ଓ ଶାସନକର୍ତ୍ତା, ଅଧିପତିଗଣ ଓ ବିଖ୍ୟାତ ଲୋକ, ସମସ୍ତେ ଅଶ୍ୱାରୋହୀ ।
\s5
\v 24 ପୁଣି, ସେମାନେ ଅସ୍ତ୍ରଶସ୍ତ୍ର, ରଥ, ଶକଟ ଓ ଗୋଷ୍ଠୀଗଣର ସମାଜ ନେଇ ତୁମ୍ଭ ବିରୁଦ୍ଧରେ ଆସିବେ; ସେମାନେ ସାନ ଓ ବଡ଼ ଢାଲ ଓ ଟୋପର ଧରି ତୁମ୍ଭ ବିରୁଦ୍ଧରେ ଚତୁର୍ଦ୍ଦିଗରେ ଆପଣାମାନଙ୍କୁ ସଜାଇବେ; ଆଉ, ଆମ୍ଭେ ସେମାନଙ୍କ ହସ୍ତରେ ବିଚାରର ଭାର ସମର୍ପଣ କରିବା ଓ ସେମାନେ ଆପଣାମାନଙ୍କର ବିଚାରାନୁସାରେ ତୁମ୍ଭର ବିଚାର କରିବେ ।
\v 25 ପୁଣି, ଆମ୍ଭେ ତୁମ୍ଭ ବିରୁଦ୍ଧରେ ଆମ୍ଭର ଅନ୍ତର୍ଜ୍ଜାଳା ରଖିବା, ତହିଁରେ ସେମାନେ କୋପରେ ତୁମ୍ଭ ପ୍ରତି ବ୍ୟବହାର କରିବେ; ସେମାନେ ତୁମ୍ଭର ନାସିକା ଓ କର୍ଣ୍ଣ କାଟି ପକାଇବେ ଓ ତୁମ୍ଭର ଅବଶିଷ୍ଟ ଲୋକମାନେ ଖଡ଼୍‍ଗରେ ପତିତ ହେବେ; ସେମାନେ ତୁମ୍ଭର ପୁତ୍ର କନ୍ୟାଗଣକୁ ନେଇଯିବେ ଓ ତୁମ୍ଭର ଅବଶିଷ୍ଟ ଲୋକମାନେ ଅଗ୍ନି ଦ୍ୱାରା ଗ୍ରାସିତ ହେବେ ।
\s5
\v 26 ସେମାନେ ମଧ୍ୟ ତୁମ୍ଭକୁ ବିବସ୍ତ୍ରା କରିବେ ଓ ତୁମ୍ଭର ସୁନ୍ଦର ଅଳଙ୍କାରସବୁ ନେଇଯିବେ ।
\v 27 ଏହିରୂପେ ଆମ୍ଭେ ତୁମ୍ଭର ଲମ୍ପଟାଚରଣ ଓ ମିସର ଦେଶରୁ ଶିକ୍ଷିତ ତୁମ୍ଭର ବ୍ୟଭିଚାର କ୍ରିୟା ନିବୃତ୍ତ କରାଇବା; ତହିଁରେ ତୁମ୍ଭେ ସେମାନଙ୍କ ପ୍ରତି ଆଉ ଅନାଇବ ନାହିଁ, କି ମିସରକୁ ଆଉ ସ୍ମରଣ କରିବ ନାହିଁ ।
\s5
\v 28 କାରଣ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ଦେଖ, ଯେଉଁମାନଙ୍କୁ ତୁମ୍ଭେ ଘୃଣା କରୁଅଛ ଓ ଯେଉଁମାନଙ୍କଠାରୁ ତୁମ୍ଭର ପ୍ରାଣ ବିମୁଖ ହୋଇଅଛି, ସେମାନଙ୍କ ହସ୍ତରେ ଆମ୍ଭେ ତୁମ୍ଭକୁ ସମର୍ପଣ କରିବା;
\v 29 ତହିଁରେ ସେମାନେ ଘୃଣା ଭାବରେ ତୁମ୍ଭ ପ୍ରତି ବ୍ୟବହାର କରିବେ ଓ ତୁମ୍ଭର ସକଳ ପରିଶ୍ରମର ଫଳ ହରଣ କରିବେ, ଆଉ ତୁମ୍ଭକୁ ଉଲଙ୍ଗିନୀ ଓ ବିବସ୍ତ୍ର କରି ଛାଡ଼ି ଦେବେ; ତହିଁରେ ତୁମ୍ଭର ବ୍ୟଭିଚାର ଘଟିତ ଉଲଙ୍ଗତା, ତୁମ୍ଭର ଲମ୍ପଟାଚରଣ ଓ ବେଶ୍ୟା କ୍ରିୟା ପ୍ରକାଶିତ ହେବ ।
\s5
\v 30 ତୁମ୍ଭେ ବେଶ୍ୟାର ନ୍ୟାୟ ଅନ୍ୟ ଦେଶୀୟମାନଙ୍କର ଅନୁଗାମିନୀ ହୋଇଅଛ ଓ ସେମାନଙ୍କର ପ୍ରତିମାଗଣ ଦ୍ୱାରା ଅଶୁଚୀକୃତ ହୋଇଅଛ, ଏଥିପାଇଁ ତୁମ୍ଭ ପ୍ରତି ଏହିସବୁ କରାଯିବ ।
\v 31 ତୁମ୍ଭେ ଆପଣାର ଭଗିନୀର ପଥରେ ଗମନ କରିଅଛ; ଏଥିପାଇଁ ଆମ୍ଭେ ତାହାର ପାନପାତ୍ର ତୁମ୍ଭ ହସ୍ତରେ ଦେବା ।
\s5
\v 32 ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭେ ଆପଣା ଭଗିନୀର ପାତ୍ରରେ ପାନ କରିବ, ତାହା ଗଭୀର ଓ ବଡ଼; ତୁମ୍ଭେ ହାସ୍ୟ ଓ ଉପହାସର ବିଷୟ ହେବ; ସେହି ପାତ୍ର ବହୁତ ଧାରଣ କରେ ।
\s5
\v 33 ତୁମ୍ଭେ ମତ୍ତତା ଓ ଶୋକରେ ପରିପୂର୍ଣ୍ଣ ହେବ, ବିସ୍ମୟ ଓ ଧ୍ୱଂସରୂପ ପାତ୍ରରେ, ତୁମ୍ଭ ଭଗିନୀ ଶମରୀୟାର ପାତ୍ରରେ ପରିପୂର୍ଣ୍ଣ ହେବ ।
\v 34 ତୁମ୍ଭେ ତାହା ନିଗାଡ଼ି ପାନ କରିବ ଓ ତହିଁର ଭଗ୍ନଖଣ୍ଡ ଚୋବାଇ ଆପଣା ସ୍ତନ ବିଦୀର୍ଣ୍ଣ କରିବ; କାରଣ ଆମ୍ଭେ ଏହା କହିଅଛୁ, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି;
\s5
\v 35 ଏହେତୁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭେ ଆମ୍ଭକୁ ପାସୋରିଅଛ ଓ ତୁମ୍ଭ ପଛଆଡ଼େ ଆମ୍ଭକୁ ପକାଇଅଛ, ଏଥିପାଇଁ ତୁମ୍ଭେ ମଧ୍ୟ ଆପଣା ଲମ୍ପଟାଚରଣ ଓ ବ୍ୟଭିଚାର କ୍ରିୟାର ଭାର ବହନ କର ।"
\s5
\v 36 ସଦାପ୍ରଭୁ ଆହୁରି ମୋତେ କହିଲେ, "ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ କି ଅହଲାର ଓ ଅହଲୀବାର ବିଚାର କରିବ ? ତେବେ ସେମାନଙ୍କର ଘୃଣାଯୋଗ୍ୟ କ୍ରିୟାସବୁ ସେମାନଙ୍କୁ ଜ୍ଞାତ କରାଅ;
\v 37 କାରଣ ସେମାନେ ବ୍ୟଭିଚାର କରିଅଛନ୍ତି ଓ ସେମାନଙ୍କ ହସ୍ତରେ ରକ୍ତ ଅଛି ଓ ସେମାନେ ଆପଣାମାନଙ୍କ ପ୍ରତିମାଗଣ ସହିତ ବ୍ୟଭିଚାର କରିଅଛନ୍ତି; ଆଉ, ସେମାନେ ମଧ୍ୟ ଆମ୍ଭଠାରୁ ଜାତ ଆପଣା ସନ୍ତାନଗଣକୁ ଗ୍ରାସିତ ହେବା ନିମନ୍ତେ ସେମାନଙ୍କ ଉଦ୍ଦେଶ୍ୟରେ ଅଗ୍ନି ମଧ୍ୟ ଦେଇ ଗମନ କରାଇ ଅଛନ୍ତି ।
\s5
\v 38 ଆହୁରି, ସେମାନେ ଆମ୍ଭ ପ୍ରତି ଏହି କାର୍ଯ୍ୟ କରିଅଛନ୍ତି; ସେମାନେ ଏକ ଦିନରେ ଆମ୍ଭର ଧର୍ମଧାମ ଅଶୁଚି ଓ ଆମ୍ଭର ବିଶ୍ରାମ ଦିନସବୁ ଅପବିତ୍ର କରିଅଛନ୍ତି ।
\v 39 କାରଣ ସେମାନେ ଆପଣାମାନଙ୍କର ପ୍ରତିମାଗଣର ଉଦ୍ଦେଶ୍ୟରେ ଆପଣା ଆପଣା ସନ୍ତାନଗଣକୁ ବଧ କଲା ଉତ୍ତାରେ ସେହି ଦିନ ଆମ୍ଭର ଧର୍ମଧାମ ଅପବିତ୍ର କରିବା ପାଇଁ ତହିଁ ମଧ୍ୟକୁ ଆସିଲେ; ଆଉ, ଦେଖ, ସେମାନେ ଆମ୍ଭ ଗୃହ ମଧ୍ୟରେ ଏହି ପ୍ରକାର କରିଅଛନ୍ତି ।
\s5
\v 40 ଆହୁରି, ଦୂରରୁ ଆସିବା ପୁରୁଷମାନଙ୍କ ପାଇଁ ତୁମ୍ଭେମାନେ ଲୋକ ପଠାଇଅଛ; ସେମାନଙ୍କ ନିକଟକୁ ଦୂତ ପ୍ରେରିତ ହେଲା, ଆଉ ଦେଖ, ସେମାନେ ଆସିଲେ; ସେମାନଙ୍କ ନିମନ୍ତେ ତୁମ୍ଭେ ସ୍ନାନ କଲ, ଚକ୍ଷୁରେ ଅଞ୍ଜନ ଦେଲ ଓ ଅଳଙ୍କାରରେ ଆପଣାକୁ ବିଭୂଷିତା କଲ;
\v 41 ପୁଣି, ରାଜକୀୟ ଶଯ୍ୟାରେ ବସି ତହିଁର ସମ୍ମୁଖରେ ମେଜ ସଜାଇ ତାହା ଉପରେ ଆମ୍ଭର ଧୂପ ଓ ଆମ୍ଭର ତୈଳ ରଖିଲ ।
\s5
\v 42 ଆଉ, ତାହା ସଙ୍ଗେ ନିଶ୍ଚିନ୍ତ ଲୋକାରଣ୍ୟର କଳରବ ଥିଲା ଓ ସାଧାରଣ ଲୋକଙ୍କ ସହିତ ପ୍ରାନ୍ତରରୁ ମଦ୍ୟପାୟୀମାନେ ଅଣାଗଲେ; ପୁଣି, ସେମାନେ ସେମାନଙ୍କ ହସ୍ତରେ କଙ୍କଣ ଓ ସେମାନଙ୍କ ମସ୍ତକରେ ସୁନ୍ଦର ମୁକୁଟ ପିନ୍ଧାଇଲେ ।
\s5
\v 43 ତେବେ ବ୍ୟଭିଚାର କ୍ରିୟାରେ ଜୀର୍ଣ୍ଣା ସ୍ତ୍ରୀ ବିଷୟରେ ଆମ୍ଭେ କହିଲୁ, ଏବେ ସେମାନେ ତାହା ସଙ୍ଗେ ବ୍ୟଭିଚାର କାର୍ଯ୍ୟ କରିବେ ଓ ସେ ସେମାନଙ୍କ ସଙ୍ଗେ କରିବ ।
\v 44 ପୁଣି, ଲୋକେ ଯେପରି ବେଶ୍ୟା ନିକଟକୁ ଗମନ କରନ୍ତି, ସେହିପରି ସେମାନେ ତାହା ନିକଟକୁ ଗମନ କଲେ; ଏହି ପ୍ରକାରେ ସେମାନେ ଅହଲା ଓ ଅହଲୀବା, ଏହି ଲମ୍ପଟା ସ୍ତ୍ରୀମାନଙ୍କ ନିକଟକୁ ଗମନ କଲେ ।
\v 45 ମାତ୍ର ଧାର୍ମିକ ଲୋକମାନେ ବ୍ୟଭିଚାରିଣୀ ଓ ରକ୍ତପାତକାରିଣୀ ସ୍ତ୍ରୀମାନଙ୍କର ବିଚାରାନୁସାରେ ସେମାନଙ୍କର ବିଚାର କରିବେ; ଯେହେତୁ ସେମାନେ ବ୍ୟଭିଚାରିଣୀ ଓ ସେମାନଙ୍କ ହସ୍ତରେ ରକ୍ତ ଅଛି ।"
\s5
\v 46 କାରଣ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; "ଆମ୍ଭେ ସେମାନଙ୍କ ବିରୁଦ୍ଧରେ ଜନସମାଜ ଆଣିବା, ପୁଣି, ଏଣେତେଣେ ଟଳଟଳ ଓ ଲୁଟିତ ହେବା ପାଇଁ ସେମାନଙ୍କୁ ସମର୍ପଣ କରିବା ।
\v 47 ପୁଣି, ସେହି ସମାଜ ସେମାନଙ୍କୁ ପ୍ରସ୍ତରାଘାତ କରିବେ ଓ ଖଡ଼୍‍ଗରେ ବଧ କରିବେ; ସେମାନେ ସେମାନଙ୍କର ପୁତ୍ର କନ୍ୟାଗଣକୁ ବଧ କରିବେ ଓ ସେମାନଙ୍କର ଗୃହସବୁ ଅଗ୍ନିରେ ଦଗ୍‍ଧ କରିବେ ।
\s5
\v 48 ଏହିରୂପେ ଆମ୍ଭେ ଦେଶରୁ ଲମ୍ପଟାଚରଣ ନିବୃତ୍ତ କରାଇବା, ତହିଁରେ ସମୁଦାୟ ସ୍ତ୍ରୀଲୋକ ତୁମ୍ଭମାନଙ୍କର ଲମ୍ପଟପଣ ଅନୁସାରେ ଆଚରଣ ନ କରିବା ପାଇଁ ଶିକ୍ଷା ପାଇବେ ।
\v 49 ପୁଣି, ଲୋକମାନେ ତୁମ୍ଭମାନଙ୍କ ଲମ୍ପଟାଚରଣର ପ୍ରତିଫଳ ତୁମ୍ଭମାନଙ୍କ ଉପରେ ବର୍ତ୍ତାଇବେ ଓ ତୁମ୍ଭେମାନେ ଆପଣାମାନଙ୍କର ପ୍ରତିମାଗଣ ସମ୍ବନ୍ଧୀୟ ପାପସକଳର ଭାର ବହିବ; ତହିଁରେ ଆମ୍ଭେ ଯେ ପ୍ରଭୁ, ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ ।"
\s5
\c 24
\s କଳଙ୍କି ଧରିଥିବା ରନ୍ଧନ ପାତ୍ର
\p
\v 1 ପୁନର୍ବାର ନବମ ବର୍ଷର ଦଶମ ମାସରେ, ମାସର ଦଶମ ଦିନରେ ସଦାପ୍ରଭୁଙ୍କର ବାକ୍ୟ ମୋ' ନିକଟରେ ଉପସ୍ଥିତ ହେଲା ଏବଂ ସେ କହିଲେ,
\v 2 "ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଦିନର ନାମ, ଅର୍ଥାତ୍‍, ଆଜି ଦିନର ନାମ ଲେଖି ରଖ; ଆଜି ଦିନରେ ବାବିଲର ରାଜା ଯିରୂଶାଲମ ନିକଟବର୍ତ୍ତୀ ହେଲା ।
\s5
\v 3 ଏଣୁ ତୁମ୍ଭେ ଏହି ବିଦ୍ରୋହୀ ବଂଶର ଉଦ୍ଦେଶ୍ୟରେ ଗୋଟିଏ ଦୃଷ୍ଟାନ୍ତ କଥା କହି ସେମାନଙ୍କୁ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ହଣ୍ଡା ଚଢ଼ାଅ, ତାହା ଚଢ଼ାଅ ଓ ମଧ୍ୟ ତହିଁ ଭିତରେ ଜଳ ଢାଳି ଦିଅ;
\v 4 ମାଂସଖଣ୍ଡସବୁ, ଉତ୍ତମ ଉତ୍ତମ ଖଣ୍ଡସବୁ, ଊରୁ ଓ ସ୍କନ୍ଧ, ତହିଁ ଭିତରେ ଏକତ୍ର କର; ଭଲ ଭଲ ଅସ୍ଥିରେ ତାହା ପୂର୍ଣ୍ଣ କର ।
\v 5 ପଲ ମଧ୍ୟରୁ ଉତ୍ତମ ପଶୁ ନିଅ ଓ ହଣ୍ଡା ତଳେ ଅସ୍ଥିସବୁ ସଜାଅ; ତାହା ଉତ୍ତମ ରୂପେ ସିଦ୍ଧ କର ଓ ଅସ୍ଥିସବୁ ତହିଁ ମଧ୍ୟରେ ପାକ ହେଉ ।
\s5
\v 6 ଏହେତୁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ସେହି ରକ୍ତପୂର୍ଣ୍ଣା ନଗରୀ, ସେହି ହଣ୍ଡା, ଯହିଁର କଳଙ୍କ ତହିଁ ମଧ୍ୟରେ ଅଛି ଓ ଯହିଁର କଳଙ୍କ ତହିଁ ମଧ୍ୟରୁ ବାହାର ହୋଇ ନାହିଁ, ସେ ସନ୍ତାପର ପାତ୍ର ! ତୁମ୍ଭେ ଖଣ୍ଡ ଖଣ୍ଡ କରି ତାହା ବାହାର କର; ତହିଁ ବିଷୟରେ ଗୁଲିବାଣ୍ଟ କରାଯାଇ ନାହିଁ ।
\s5
\v 7 କାରଣ ତାହାର ରକ୍ତ ତାହା ମଧ୍ୟରେ ଅଛି; ସେ ଶୁଷ୍କ ଶୈଳ ଉପରେ ତାହା ରଖିଲା; ସେ ଧୂଳିରେ ତାହା ଆଚ୍ଛାଦିତ କରିବା ପାଇଁ ଭୂମିରେ ତାହା ଢାଳିଲା ନାହିଁ;
\v 8 ସେ ରକ୍ତ ପ୍ରତିଶୋଧ ନେବା ନିମନ୍ତେ ଯେପରି କୋପକୁ ଉପସ୍ଥିତ କରାଇବ, ଏଥିପାଇଁ ଆଚ୍ଛାଦିତ ନୋହିବା ନିମନ୍ତେ ଆମ୍ଭେ ଶୁଷ୍କ ଶୈଳ ଉପରେ ତାହା ରଖିଅଛୁ ।
\s5
\v 9 ଏହେତୁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ସେହି ରକ୍ତପୂର୍ଣ୍ଣା ନଗରୀ ସନ୍ତାପର ପାତ୍ର ! ଆମ୍ଭେ ମଧ୍ୟ ରାଶି ବଡ଼ କରିବା ।
\v 10 କାଠ ଗଦା କର, ଅଗ୍ନି ଜ୍ୱଳାଅ, ମାଂସ ଉତ୍ତମ ରୂପେ ସିଦ୍ଧ କର, ଝୋଳ ବହଳ କର ଓ ଅସ୍ଥିସବୁ ଦଗ୍‍ଧ ହେଉ ।
\s5
\v 11 ତହିଁରେ ହଣ୍ଡା ତପ୍ତ ହେବା ପାଇଁ, ତହିଁର ପିତଳ ଦଗ୍‍ଧ ହେବା ପାଇଁ ଓ ତହିଁର ମଇଳା ତହିଁ ମଧ୍ୟରେ ତରଳି ଯିବା ପାଇଁ ଓ କଳଙ୍କ କ୍ଷୟ ପାଇବା ପାଇଁ ତାହା ଖାଲି କର, ତାହା ଜ୍ୱଳନ୍ତା ଅଙ୍ଗାର ଉପରେ ରଖ ।
\v 12 ସେ ପରିଶ୍ରମ କରି କରି ଆପଣାକୁ କ୍ଳାନ୍ତ କରିଅଛି; ତଥାପି ତାହାର ମହାକଳଙ୍କ ତାହା ମଧ୍ୟରୁ ଯାଏ ନାହିଁ; ତାହାର କଳଙ୍କ ଅଗ୍ନି ଦ୍ୱାରା ଯାଏ ନାହିଁ ।
\s5
\v 13 ତୁମ୍ଭର ଅଶୌଚର ଲମ୍ପଟତା ଅଛି; ଆମ୍ଭେ ତୁମ୍ଭକୁ ଶୁଚି କଲେ ହେଁ ତୁମ୍ଭେ ଶୁଚି ହେଲ ନାହିଁ, ଏଥିପାଇଁ ତୁମ୍ଭ ଉପରେ ଆମ୍ଭେ ଆପଣା କୋପ ଶାନ୍ତ ନ କରିବା ପର୍ଯ୍ୟନ୍ତ ତୁମ୍ଭେ ଆପଣା ଅଶୌଚରୁ ଆଉ ଶୁଚୀକୃତ ନୋହିବ ।
\s5
\v 14 ଆମ୍ଭେ ସଦାପ୍ରଭୁ ଏହା କହିଅଛୁ, ଏହା ସିଦ୍ଧ ହେବ ଓ ଆମ୍ଭେ ଏହା ସାଧନ କରିବା; ଆମ୍ଭେ ଫେରି ଯିବା ନାହିଁ, କିଅବା ଆମ୍ଭେ ଚକ୍ଷୁଲଜ୍ଜା କରିବା ନାହିଁ; ଅଥବା ଆମ୍ଭେ ଅନୁତାପ କରିବା ନାହିଁ; ତୁମ୍ଭର ଆଚରଣ ଅନୁସାରେ ଓ ତୁମ୍ଭର କ୍ରିୟାନୁସାରେ ସେମାନେ ତୁମ୍ଭର ବିଚାର କରିବେ," ଏହା ପ୍ରଭୁ, ସଦାପ୍ରଭୁ କହନ୍ତି ।
\s ଭାବବାଦୀଙ୍କ ସ୍ତ୍ରୀଙ୍କ ମୃତ୍ୟୁ
\p
\s5
\v 15 ଆହୁରି, ସଦାପ୍ରଭୁଙ୍କର ବାକ୍ୟ ମୋ' ନିକଟରେ ଉପସ୍ଥିତ ହେଲା ଏବଂ ସେ କହିଲେ,
\v 16 "ହେ ମନୁଷ୍ୟ-ସନ୍ତାନ, ଦେଖ, ଆମ୍ଭେ ତୁମ୍ଭ ନୟନର ପ୍ରୀତିପାତ୍ରକୁ ଏକ ଆଘାତରେ ହରଣ କରିବା; ତଥାପି ତୁମ୍ଭେ ବିଳାପ କି କ୍ରନ୍ଦନ କରିବ ନାହିଁ, କିଅବା ତୁମ୍ଭର ଚକ୍ଷୁରୁ ଲୋତକ ଧାର ବହିବ ନାହିଁ ।
\v 17 ଦୀର୍ଘ ନିଃଶ୍ୱାସ ଛାଡ଼, ମାତ୍ର ଉଚ୍ଚ କରି ନୁହେଁ; ମୃତ ଲୋକ ପାଇଁ ବିଳାପ କର ନାହିଁ, ଆପଣା ମସ୍ତକରେ ଶିରୋଭୂଷଣ ବାନ୍ଧ ଓ ପାଦରେ ପାଦୁକା ପିନ୍ଧ, ତୁମ୍ଭର ଓଷ୍ଠାଧର ଆଚ୍ଛାଦନ କର ନାହିଁ, ପୁଣି, ଲୋକମାନଙ୍କର ରୁଟି ଖାଅ ନାହିଁ ।"
\s5
\v 18 ତହିଁରେ ମୁଁ ପ୍ରାତଃକାଳରେ ଲୋକମାନଙ୍କ ସଙ୍ଗେ କଥା କହିଲି; ପୁଣି, ସନ୍ଧ୍ୟା ବେଳେ ମୋର ଭାର୍ଯ୍ୟା ମଲା, ତହିଁରେ ପ୍ରାତଃକାଳରେ ମୁଁ ଆଜ୍ଞାନୁସାରେ କର୍ମ କଲି ।
\s5
\v 19 ତହୁଁ ଲୋକମାନେ ମୋତେ କହିଲେ, "ତୁମ୍ଭେ ଯେ ଏରୂପ କରୁଅଛ, ଏସବୁ ଆମ୍ଭମାନଙ୍କ ପ୍ରତି କଅଣ, ଏହା କି ଆମ୍ଭମାନଙ୍କୁ କହିବ ନାହିଁ ?
\v 20 ତହିଁରେ ମୁଁ ସେମାନଙ୍କୁ କହିଲି, ସଦାପ୍ରଭୁଙ୍କର ଏହି ବାକ୍ୟ ମୋ' ନିକଟରେ ଉପସ୍ଥିତ ହେଲା,
\v 21 ତୁମ୍ଭେ ଇସ୍ରାଏଲ ବଂଶକୁ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ଦେଖ, ତୁମ୍ଭମାନଙ୍କର ବଳର ଦର୍ପସ୍ୱରୂପ, ତୁମ୍ଭମାନଙ୍କ ନୟନର ପ୍ରୀତିପାତ୍ର ଓ ତୁମ୍ଭମାନଙ୍କ ପ୍ରାଣର ସ୍ନେହପାତ୍ର, ଏପରି ଯେ ଆମ୍ଭର ଧର୍ମଧାମ, ଆମ୍ଭେ ତାହା ଅପବିତ୍ର କରିବା, ପୁଣି, ତୁମ୍ଭମାନଙ୍କର ଯେଉଁ ପୁତ୍ର କନ୍ୟାଗଣକୁ ତୁମ୍ଭେମାନେ ପଛରେ ଛାଡ଼ି ଯାଇଅଛ, ସେମାନେ ଖଡ଼୍‍ଗରେ ପତିତ ହେବେ ।
\s5
\v 22 ତହିଁରେ ଆମ୍ଭେ ଯେପରି କରିଅଛୁ, ତୁମ୍ଭେମାନେ ସେହିପରି କରିବ; ତୁମ୍ଭେମାନେ ଆପଣା ଆପଣା ଓଷ୍ଠାଧର ଆଚ୍ଛାଦନ କରିବ ନାହିଁ, କିଅବା ଲୋକମାନଙ୍କର ରୁଟି ଖାଇବ ନାହିଁ ।
\v 23 ପୁଣି, ତୁମ୍ଭମାନଙ୍କର ଶିରୋଭୂଷଣ ତୁମ୍ଭମାନଙ୍କ ମସ୍ତକରେ ଓ ତୁମ୍ଭମାନଙ୍କ ପାଦୁକା ତୁମ୍ଭମାନଙ୍କ ପାଦରେ ରହିବ; ତୁମ୍ଭେମାନେ ବିଳାପ କିମ୍ବା କ୍ରନ୍ଦନ କରିବ ନାହିଁ; ମାତ୍ର ତୁମ୍ଭେମାନେ ଆପଣା ଆପଣା ଅଧର୍ମରେ କ୍ଷୀଣ ହୋଇଯିବ ଓ ଏକ ଜଣ ଆରେକର ନିକଟରେ ବିଳାପ କରିବ ।
\v 24 ଏହିରୂପେ ଯିହିଜିକଲ ତୁମ୍ଭମାନଙ୍କ ପ୍ରତି ଚିହ୍ନ ସ୍ୱରୂପ ହେବେ; ସେ ଯେପରି କରିଅଛନ୍ତି, ତୁମ୍ଭେମାନେ ସର୍ବପ୍ରକାରେ ସେହିପରି କରିବ; ଏହା ଯେତେବେଳେ ଘଟିବ, ସେତେବେଳେ ଆମ୍ଭେ ଯେ ପ୍ରଭୁ, ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ ।"
\s5
\v 25 "ହେ ମନୁଷ୍ୟ-ସନ୍ତାନ, ଆମ୍ଭେ ଯେଉଁ ଦିନ ସେମାନଙ୍କର ବଳ, ସେମାନଙ୍କର ଗୌରବଜନକ ଆନନ୍ଦ, ସେମାନଙ୍କର ନୟନର ପ୍ରୀତିପାତ୍ର ଓ ଯହିଁରେ ସେମାନେ ଆପଣା ଚିତ୍ତ ଆସକ୍ତ କରନ୍ତି, ସେମାନଙ୍କର ପୁତ୍ର ଓ କନ୍ୟାଗଣ ସେମାନଙ୍କଠାରୁ ହରଣ କରିବା,
\v 26 ସେ ଦିନ ତାହା ତୁମ୍ଭ କର୍ଣ୍ଣଗୋଚର କରାଇବା ନିମନ୍ତେ ପଳାତକ ଲୋକ କି ତୁମ୍ଭ ନିକଟକୁ ଆସିବ ନାହିଁ ?
\v 27 ସେ ଦିନ ପଳାତକ ଲୋକ ନିକଟରେ ତୁମ୍ଭର ମୁଖ ଫିଟିଯିବ, ତହିଁରେ ତୁମ୍ଭେ ଆଉ ଘୁଙ୍ଗା ନ ହୋଇ କଥା କହିବ; ଏହିରୂପେ ତୁମ୍ଭେ ସେମାନଙ୍କ ପ୍ରତି ଚିହ୍ନ ସ୍ୱରୂପ ହେବ; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ ।"
\s5
\c 25
\s ଅମ୍ମୋନ ବିରୁଦ୍ଧରେ ଭବିଷ୍ୟଦ୍‍ବାଣୀ
\p
\v 1 ଏଥିଉତ୍ତାରେ ସଦାପ୍ରଭୁଙ୍କର ବାକ୍ୟ ମୋ' ନିକଟରେ ଉପସ୍ଥିତ ହେଲା ଏବଂ ସେ କହିଲେ,
\v 2 "ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଅମ୍ମୋନ-ସନ୍ତାନଗଣର ପ୍ରତି ଆପଣା ମୁଖ ରଖି ସେମାନଙ୍କ ବିରୁଦ୍ଧରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କର;
\s5
\v 3 ଆଉ, ଅମ୍ମୋନ-ସନ୍ତାନଗଣକୁ କୁହ, ତୁମ୍ଭେମାନେ ପ୍ରଭୁ, ସଦାପ୍ରଭୁଙ୍କର ବାକ୍ୟ ଶୁଣ; ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ଆମ୍ଭର ଧର୍ମଧାମ ଅପବିତ୍ରୀକୃତ ହେବା ବେଳେ ତାହା ବିରୁଦ୍ଧରେ ଓ ଇସ୍ରାଏଲ ଦେଶ ଧ୍ୱଂସିତ ହେବା ବେଳେ ତାହା ବିରୁଦ୍ଧରେ; ଆଉ, ଯିହୂଦା-ବଂଶ ବନ୍ଦୀ ହୋଇ ଯିବା ବେଳେ ସେମାନଙ୍କ ବିରୁଦ୍ଧରେ, ଭଲ ହେଲା, ଭଲ ହେଲା, ବୋଲି ତୁମ୍ଭେ କହିଅଛ;
\v 4 ଏଥିପାଇଁ ଦେଖ, ଆମ୍ଭେ ତୁମ୍ଭକୁ ଅଧିକାର ରୂପେ ପୂର୍ବଦେଶୀୟ ସନ୍ତାନଗଣର ହସ୍ତରେ ସମର୍ପଣ କରିବା, ଆଉ ସେମାନେ ତୁମ୍ଭ ମଧ୍ୟରେ ଆପଣା ଆପଣା ଛାଉଣି ସ୍ଥାପନ କରିବେ ଓ ତୁମ୍ଭ ମଧ୍ୟରେ ଆପଣା ଆପଣା ବାସ ନିର୍ମାଣ କରିବେ; ସେମାନେ ତୁମ୍ଭର ଫଳ ଭୋଜନ କରିବେ ଓ ତୁମ୍ଭର ଦୁଗ୍‍ଧ ପାନ କରିବେ ।
\v 5 ଆଉ, ଆମ୍ଭେ ରବ୍‍ବାକୁ ଉଷ୍ଟ୍ରଶାଳା କରିବା ଓ ଅମ୍ମୋନ-ସନ୍ତାନଗଣର ଦେଶକୁ ମେଷାଦି ପଲର ଶୟନ ସ୍ଥାନ କରିବା; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ ।
\s5
\v 6 କାରଣ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭେ ଇସ୍ରାଏଲ ଦେଶ ବିରୁଦ୍ଧରେ କରତାଳି ଦେଇଅଛ, ପଦାଘାତ କରିଅଛ, ପୁଣି, ଆପଣା ପ୍ରାଣର ସମ୍ପୂର୍ଣ୍ଣ ଘୃଣା ଭାବରେ ଆନନ୍ଦ କରିଅଛ ।
\v 7 ଏଥିପାଇଁ ଦେଖ, ଆମ୍ଭେ ତୁମ୍ଭ ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରିଅଛୁ ଓ ଲୁଟିତ ଦ୍ରବ୍ୟ ରୂପେ ଗୋଷ୍ଠୀବର୍ଗଙ୍କ ହସ୍ତରେ ତୁମ୍ଭକୁ ସମର୍ପଣ କରିବା; ପୁଣି, ଆମ୍ଭେ ଗୋଷ୍ଠୀ-ବର୍ଗଙ୍କ ମଧ୍ୟରୁ ତୁମ୍ଭକୁ କାଟି ପକାଇବା ଓ ଦେଶସମୂହ ମଧ୍ୟରୁ ଆମ୍ଭେ ତୁମ୍ଭକୁ ଉଚ୍ଛିନ୍ନ କରିବା, ଆମ୍ଭେ ତୁମ୍ଭକୁ ସଂହାର କରିବା; ଆଉ, ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେ ଜାଣିବ ।"
\s ମୋୟାବ ବିରୁଦ୍ଧରେ ଭବିଷ୍ୟଦ୍‍ବାଣୀ
\p
\s5
\v 8 ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ମୋୟାବ ଓ ସେୟୀର କହୁଅଛନ୍ତି, "ଦେଖ, ଯିହୂଦା-ବଂଶ ଅନ୍ୟ ସକଳ ଗୋଷ୍ଠୀର ସମାନ,"
\v 9 ଏଥିପାଇଁ ଦେଖ, ଆମ୍ଭେ ନଗରସମୂହଠାରୁ ମୋୟାବର ପାର୍ଶ୍ୱ ମୁକ୍ତ କରିବା, ଅର୍ଥାତ୍‍, ତାହାର ସୀମାନ୍ତବର୍ତ୍ତୀ ଓ ଦେଶର ଗୌରବ ସ୍ୱରୂପ ବୈତ୍‍-ଯିଶୀମୋତ୍‍ ବାଲ୍‍-ମୀୟୋନ୍‍ ଓ କିରୀୟାଥୟିମ୍‍ ପ୍ରତି,
\v 10 ପୂର୍ବଦେଶୀୟ ସନ୍ତାନଗଣର ପାଇଁ (ମୁକ୍ତ କରିବା), ସେମାନେ ଅମ୍ମୋନ-ସନ୍ତାନଗଣ ବିରୁଦ୍ଧରେ ଯାତ୍ରା କରିବେ, ପୁଣି, ଆମ୍ଭେ ସେମାନଙ୍କ ହସ୍ତରେ ଅମ୍ମୋନ-ସନ୍ତାନଗଣକୁ ଅଧିକାର ରୂପେ ସମର୍ପଣ କରିବା, ତହିଁରେ ଗୋଷ୍ଠୀଗଣ ମଧ୍ୟରେ ସେମାନେ ଆଉ ସ୍ମରଣ କରାଯିବେ ନାହିଁ;
\v 11 ଆମ୍ଭେ ମୋୟାବ ଉପରେ ଦଣ୍ଡାଜ୍ଞା ସଫଳ କରିବା; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ ।
\s ଇଦୋମ ବିରୁଦ୍ଧରେ ଭବିଷ୍ୟଦ୍‍ବାଣୀ
\p
\s5
\v 12 ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; "ଇଦୋମ ପ୍ରତିଶୋଧ ନେବା ଦ୍ୱାରା ଯିହୂଦା-ବଂଶ ବିରୁଦ୍ଧରେ ଦୁର୍ବ୍ୟବହାର କରିଅଛି ଓ ସେମାନଙ୍କ ଉପରେ ପ୍ରତିହିଂସା ସାଧି ଅତ୍ୟନ୍ତ ଅପରାଧ କରିଅଛି,"
\v 13 ଏଥିପାଇଁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, "ଆମ୍ଭେ ଇଦୋମ ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରିବା ଓ ତହିଁ ମଧ୍ୟରୁ ମନୁଷ୍ୟ ଓ ପଶୁକୁ ଉଚ୍ଛିନ୍ନ କରିବା; ଆଉ, ଆମ୍ଭେ ତୈମନ୍‍ଠାରୁ ତାହା ଧ୍ୱଂସର ସ୍ଥାନ କରିବା; ଦଦାନ ପର୍ଯ୍ୟନ୍ତ ହିଁ ଲୋକମାନେ ଖଡ଼୍‍ଗରେ ପତିତ ହେବେ ।
\s5
\v 14 ପୁଣି, ଆମ୍ଭେ ଆପଣାର ଲୋକ ଇସ୍ରାଏଲର ହସ୍ତ ଦ୍ୱାରା ଆମ୍ଭର ପ୍ରତିଶୋଧରୂପ ଭାର ଇଦୋମର ଉପରେ ଥୋଇବା; ତହିଁରେ ସେମାନେ ଆମ୍ଭର କ୍ରୋଧ ଓ ଆମ୍ଭର କୋପ ଅନୁସାରେ ଇଦୋମ ମଧ୍ୟରେ କାର୍ଯ୍ୟ କରିବେ; ପୁଣି, ସେମାନେ ଆମ୍ଭର ଦତ୍ତ ପରିଶୋଧ ଜ୍ଞାତ ହେବେ," ଏହା ପ୍ରଭୁ, ସଦାପ୍ରଭୁ କହନ୍ତି ।
\s ପଲେଷ୍ଟୀୟ ବିରୁଦ୍ଧରେ ଭବିଷ୍ୟଦ୍‍ବାଣୀ
\p
\s5
\v 15 ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; "ପଲେଷ୍ଟୀୟ ଲୋକମାନେ ପ୍ରତିହିଂସା ସାଧିବାର ବ୍ୟବହାର କରିଅଛନ୍ତି; ପୁଣି, ଚିର ଶତ୍ରୁତାରେ ବିନାଶ କରିବା ପାଇଁ ପ୍ରାଣର ଘୃଣାରେ ପ୍ରତିଶୋଧ ନେଇଅଛନ୍ତି,"
\v 16 ଏଥିପାଇଁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ପଲେଷ୍ଟୀୟମାନଙ୍କ ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରିବା, ଆଉ ଆମ୍ଭେ କରେଥୀୟ ଲୋକମାନଙ୍କୁ ଉଚ୍ଛିନ୍ନ କରିବା ଓ ସମୁଦ୍ର ତୀରସ୍ଥ ଅବଶିଷ୍ଟ ସକଳକୁ ନଷ୍ଟ କରିବା ।
\v 17 ପୁଣି, ଆମ୍ଭେ ପ୍ରଚଣ୍ଡ ଭର୍ତ୍ସନା ସହିତ ସେମାନଙ୍କଠାରୁ ଭାରୀ ପ୍ରତିଶୋଧ ନେବା; ଆଉ, ଯେଉଁ ସମୟରେ ଆମ୍ଭେ ଆପଣା ଦତ୍ତ ପ୍ରତିଶୋଧର ଭାର ସେମାନଙ୍କ ଉପରେ ଥୋଇବା, ସେହି ସମୟରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ ।
\s5
\c 26
\s ସୋର ବିରୁଦ୍ଧରେ ଭବିଷ୍ୟଦ୍‍ବାଣୀ
\p
\v 1 ଏଥିଉତ୍ତାରେ ଏକାଦଶ ବର୍ଷର ମାସର ପ୍ରଥମ ଦିନରେ ସଦାପ୍ରଭୁଙ୍କର ବାକ୍ୟ ମୋ' ନିକଟରେ ଉପସ୍ଥିତ ହେଲା ଏବଂ ସେ କହିଲେ,
\v 2 "ହେ ମନୁଷ୍ୟ-ସନ୍ତାନ, ଯିରୂଶାଲମ ବିରୁଦ୍ଧରେ ସୋର କହିଅଛି, ଭଲ ହେଲା, ଭଲ ହେଲା, ଯେ ଗୋଷ୍ଠୀୟମାନଙ୍କର ନଗର-ଦ୍ୱାର ସ୍ୱରୂପ ଥିଲା, ସେ ଭଗ୍ନ ହୋଇ ଯାଇଅଛି; ସେ ଆମ୍ଭ ପ୍ରତି ଫେରିଅଛି; ସେ ଏବେ ଶୂନ୍ୟ ହେବାରୁ ଆମ୍ଭେ ପରିପୂର୍ଣ୍ଣ ହେବା;
\s5
\v 3 ଏଥିପାଇଁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ହେ ସୋର, ଦେଖ, ଆମ୍ଭେ ତୁମ୍ଭର ପ୍ରତିକୂଳ ଅଟୁ ଓ ସମୁଦ୍ର ଯେପରି ତରଙ୍ଗ ଉଠାଏ, ସେହିପରି ଆମ୍ଭେ ତୁମ୍ଭ ବିରୁଦ୍ଧରେ ଅନେକ ଗୋଷ୍ଠୀଙ୍କୁ ଉଠାଇବା ।
\v 4 ତହିଁରେ ସେମାନେ ସୋରର ପ୍ରାଚୀର ନଷ୍ଟ କରିବେ ଓ ତାହାର ଦୁର୍ଗସବୁ ଭାଙ୍ଗି ପକାଇବେ, ଆମ୍ଭେ ମଧ୍ୟ ତାହାର ଧୂଳିସବୁ ଚାଞ୍ଛି ପକାଇ ତାକୁ ଶୁଷ୍କ ଶୈଳ କରିବା ।
\s5
\v 5 ସେ ସମୁଦ୍ର ମଧ୍ୟରେ ଜାଲ ପ୍ରସାରିବାର ସ୍ଥାନ ହେବ; କାରଣ ପ୍ରଭୁ, ସଦାପ୍ରଭୁ କହନ୍ତି, ଆମ୍ଭେ ଏହା କହିଅଛୁ; ଆଉ, ସେ ଗୋଷ୍ଠୀୟମାନଙ୍କ ପ୍ରତି ଲୁଟିତ ଦ୍ରବ୍ୟ ସ୍ୱରୂପ ହେବ ।
\v 6 ପୁଣି, କ୍ଷେତ୍ରସ୍ଥିତ ତାହାର କନ୍ୟାଗଣ ଖଡ଼୍‍ଗରେ ହତ ହେବେ; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ ।
\s5
\v 7 କାରଣ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ଦେଖ, ଆମ୍ଭେ ଉତ୍ତର ଦିଗରୁ ଅଶ୍ୱ, ରଥ, ଅଶ୍ୱାରୋହୀଗଣ, ସମାଜ ଓ ଅନେକ ଲୋକ ସହିତ ରାଜାଧିରାଜ ବାବିଲର ରାଜା ନବୁଖଦ୍‍ନିତ୍ସରକୁ ସୋର ବିରୁଦ୍ଧରେ ଆଣିବା ।
\v 8 ସେ କ୍ଷେତ୍ରସ୍ଥିତ ତୁମ୍ଭର କନ୍ୟାଗଣକୁ ଖଡ଼୍‍ଗରେ ବଧ କରିବ; ଆଉ, ସେ ତୁମ୍ଭ ବିରୁଦ୍ଧରେ ଦୁର୍ଗ ନିର୍ମାଣ କରିବ, ତୁମ୍ଭ ବିରୁଦ୍ଧରେ ବନ୍ଧ ବାନ୍ଧିବ ଓ ତୁମ୍ଭ ବିରୁଦ୍ଧରେ ଢାଲ ଉଠାଇବ ।
\s5
\v 9 ପୁଣି, ସେ ତୁମ୍ଭ ପ୍ରାଚୀରରେ ଦୁର୍ଗଭେଦକ ଯନ୍ତ୍ର ସ୍ଥାପନ କରିବ ଓ ତାହାର ଅସ୍ତ୍ରଶସ୍ତ୍ର ଦ୍ୱାରା ସେ ତୁମ୍ଭର ଗଡ଼ସବୁ ଭାଙ୍ଗି ପକାଇବ ।
\v 10 ତାହାର ଅଶ୍ୱଗଣର ବାହୁଲ୍ୟ ସକାଶୁ ସେମାନଙ୍କର ଧୂଳି ତୁମ୍ଭକୁ ଆଚ୍ଛାଦନ କରିବ; ଲୋକେ ଭଗ୍ନ ପ୍ରାଚୀରବିଶିଷ୍ଟ ନଗରରେ ପ୍ରବେଶ କଲା ପରି, ଯେତେବେଳେ ସେ ତୁମ୍ଭ ନଗର-ଦ୍ୱାରରେ ପ୍ରବେଶ କରିବ, ସେତେବେଳେ ଅଶ୍ୱାରୋହୀଗଣର, ଶଗଡ଼ ଓ ରଥସମୂହର ଶବ୍ଦରେ ତୁମ୍ଭର ପ୍ରାଚୀରସବୁ କମ୍ପି ଉଠିବ ।
\v 11 ସେ ଆପଣା ଅଶ୍ୱଗଣର ଖୁରାରେ ତୁମ୍ଭର ସଡ଼କସବୁ ଦଳି ପକାଇବ; ସେ ତୁମ୍ଭ ଲୋକମାନଙ୍କୁ ଖଡ଼୍‍ଗରେ ବଧ କରିବ ଓ ତୁମ୍ଭର ପରାକ୍ରମସୂଚକ ସ୍ତମ୍ଭସକଳ ଭୂମିସାତ୍‍ କରିବ ।
\s5
\v 12 ପୁଣି, ସେମାନେ ତୁମ୍ଭ ସମ୍ପତ୍ତିସବୁ ଲୁଟି ନେବେ ଓ ତୁମ୍ଭର ବାଣିଜ୍ୟ ଦ୍ରବ୍ୟ ହରଣ କରିବେ; ଆଉ, ସେମାନେ ତୁମ୍ଭର ପ୍ରାଚୀର ଭାଙ୍ଗି ପକାଇବେ ଓ ତୁମ୍ଭର ମନୋରମ ଗୃହସବୁ ଧ୍ୱଂସ କରିବେ; ଆଉ, ସେମାନେ ତୁମ୍ଭର ପ୍ରସ୍ତର, କାଷ୍ଠ ଓ ଧୂଳିସବୁ ଜଳରେ ନିକ୍ଷେପ କରିବେ ।
\v 13 ପୁଣି, ଆମ୍ଭେ ତୁମ୍ଭର ଗାୟନ ଶବ୍ଦ ନିବୃତ୍ତ କରାଇବା ଓ ତୁମ୍ଭ ବୀଣାର ଧ୍ୱନି ଆଉ ଶୁଣାଯିବ ନାହିଁ ।
\v 14 ପୁଣି, ଆମ୍ଭେ ତୁମ୍ଭକୁ ଶୁଷ୍କ ଶୈଳ କରିବା; ତୁମ୍ଭେ ଜାଲ ପ୍ରସାରିବାର ସ୍ଥାନ ହେବ; ତୁମ୍ଭେ ଆଉ ନିର୍ମିତ ନୋହିବ କାରଣ ଆମ୍ଭେ ସଦାପ୍ରଭୁ ଏହା କହିଅଛୁ," ଏହା ପ୍ରଭୁ, ସଦାପ୍ରଭୁ କହନ୍ତି ।
\s5
\v 15 ପ୍ରଭୁ, ସଦାପ୍ରଭୁ ସୋରକୁ ଏହି କଥା କହନ୍ତି; "ଯେତେବେଳେ ତୁମ୍ଭ ମଧ୍ୟରେ ଆହତ ଲୋକମାନେ କାତରୋକ୍ତି କରିବେ ଓ ସଂହାର ହେବ, ତୁମ୍ଭର ସେହି ପତନ ସମୟର ଶବ୍ଦରେ କିମ୍ବା ଦ୍ୱୀପସମୂହ କମ୍ପିବେ ନାହିଁ ?
\v 16 ସେତେବେଳେ ସମୁଦ୍ରର ଅଧିପତିସକଳ ଆପଣା ଆପଣା ସିଂହାସନରୁ ଓହ୍ଲାଇବେ ଓ ଆପଣା ଆପଣା ଚୋଗା ତ୍ୟାଗ କରି ଶିଳ୍ପକର୍ମର ବସ୍ତ୍ର ଫିଟାଇ ପକାଇବେ; ସେମାନେ ତ୍ରାସରୂପ ବସ୍ତ୍ର ପରିଧାନ କରିବେ; ସେମାନେ ଭୂମିରେ ବସିବେ ଓ ଅନୁକ୍ଷଣ ତ୍ରାସଯୁକ୍ତ ହେବେ ଓ ତୁମ୍ଭ ବିଷୟରେ ବିସ୍ମିତ ହେବେ ।
\s5
\v 17 ପୁଣି, ସେମାନେ ତୁମ୍ଭ ବିଷୟରେ ବିଳାପ କରି ତୁମ୍ଭକୁ କହିବେ, ହେ ସମୁଦ୍ର ବ୍ୟବସାୟୀମାନଙ୍କର ନିବାସଭୂମି ପ୍ରସିଦ୍ଧ ନଗରୀ, ତୁମ୍ଭେ କିପରି ବିନଷ୍ଟ ହୋଇଅଛ ! ସେ ତ ସମୁଦ୍ରରେ ପରାକ୍ରାନ୍ତ ଥିଲା; ସେ ଓ ତାହାର ନିବାସୀଗଣ ସେଠାରେ ଗତାୟାତକାରୀ ସମସ୍ତଙ୍କ ପ୍ରତି ଭୟଜନକ ଥିଲେ ।
\v 18 ଏବେ ତୁମ୍ଭର ପତନ ଦିନରେ ଦ୍ୱୀପସମୂହ କମ୍ପମାନ ହେବେ; ହଁ, ତୁମ୍ଭ ପ୍ରସ୍ଥାନରେ ସମୁଦ୍ରବର୍ତ୍ତୀ ଦ୍ୱୀପସବୁ ବିହ୍ୱଳ ହେବେ ।
\s5
\v 19 କାରଣ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ଯେଉଁ ସମୟରେ ଆମ୍ଭେ ତୁମ୍ଭକୁ ନିବାସୀବିହୀନ ନଗରସମୂହର ତୁଲ୍ୟ ଉଚ୍ଛିନ୍ନ-ନଗର କରିବା; ଯେଉଁ ସମୟରେ ଆମ୍ଭେ ଗଭୀର ସାଗରକୁ ତୁମ୍ଭ ଉପରକୁ ଆଣିବା ଓ ମହାଜଳରାଶି ତୁମ୍ଭକୁ ଆଚ୍ଛାଦନ କରିବ :
\v 20 ସେହି ସମୟରେ ଆମ୍ଭେ ଗର୍ତ୍ତଗାମୀମାନଙ୍କ ସହିତ, ପୁରାତନ କାଳର ଲୋକମାନଙ୍କ ନିକଟକୁ ତୁମ୍ଭକୁ ଓହ୍ଲାଇ ଆଣିବା ଓ ପୃଥିବୀର ଅଧୋଭାଗରେ, ଚିରକାଳରୁ ଉତ୍ସନ୍ନ ସ୍ଥାନମାନଙ୍କରେ ଗର୍ତ୍ତଗାମୀମାନଙ୍କ ସଙ୍ଗରେ ତୁମ୍ଭକୁ ବାସ କରାଇବା, ତହିଁରେ ତୁମ୍ଭର ବସତି ସ୍ଥାନ ରହିବ ନାହିଁ; ପୁଣି, ଜୀବିତମାନଙ୍କ ଦେଶରେ ଆମ୍ଭେ ଶୋଭା ସ୍ଥାପନ କରିବା;
\v 21 ଆମ୍ଭେ ତୁମ୍ଭକୁ ଭୟଙ୍କରୀ କରିବା, ତୁମ୍ଭେ ଆଉ ନ ଥିବ; ଯଦ୍ୟପି ତୁମ୍ଭର ଅନ୍ଵେଷଣ କରାଯିବ, ତଥାପି ତୁମ୍ଭର ଉଦ୍ଦେଶ୍ୟ ଆଉ କେବେ ମିଳିବ ନାହିଁ," ଏହା ପ୍ରଭୁ, ସଦାପ୍ରଭୁ କହନ୍ତି ।
\s5
\c 27
\s ସୋର ବିଷୟରେ ବିଳାପ
\p
\v 1 ସଦାପ୍ରଭୁଙ୍କର ବାକ୍ୟ ପୁନର୍ବାର ମୋ' ନିକଟରେ ଉପସ୍ଥିତ ହେଲା ଏବଂ ସେ କହିଲେ,
\v 2 "ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ସୋର ବିଷୟରେ ବିଳାପ କର;
\v 3 ଆଉ, ସୋରକୁ କୁହ, ହେ ସମୁଦ୍ରର ପ୍ରବେଶ-ସ୍ଥାନ ନିବାସିନୀ; ଅନେକ ଦ୍ୱୀପରେ ଗୋଷ୍ଠୀଗଣର ବାଣିଜ୍ୟକାରିଣୀ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ହେ ସୋର, ତୁମ୍ଭେ କହିଅଛ, ମୁଁ ପରମ ସୁନ୍ଦରୀ,
\s5
\v 4 ସମୁଦ୍ରଗଣର ମଧ୍ୟସ୍ଥଳରେ ତୁମ୍ଭର ସୀମା, ତୁମ୍ଭର ନିର୍ମାଣକାରୀମାନେ ତୁମ୍ଭର ସୌନ୍ଦର୍ଯ୍ୟ ସିଦ୍ଧ କରିଅଛନ୍ତି ।"
\v 5 ସେମାନେ ସେନୀରୀୟ ଦେବଦାରୁ କାଷ୍ଠରେ ତୁମ୍ଭର ତକ୍ତା କାଠପଟା ସବୁ ପ୍ରସ୍ତୁତ କରିଅଛନ୍ତି, ସେମାନେ ତୁମ୍ଭର ମାସ୍ତୁଲ ପ୍ରସ୍ତୁତ କରିବା ପାଇଁ ଲିବାନୋନରୁ ଏରସ କାଷ୍ଠ ନେଇଅଛନ୍ତି ।
\s5
\v 6 ବାଶନର ଅଲୋନ କାଷ୍ଠରେ ସେମାନେ ତୁମ୍ଭର ଆହୁଲା ପ୍ରସ୍ତୁତ କରିଅଛନ୍ତି; ସେମାନେ କିତ୍ତୀମ ଦ୍ୱୀପରୁ ଆନୀତ ତାଶୂର କାଷ୍ଠରେ ଖଚିତ ହସ୍ତୀ ଦନ୍ତ ଦ୍ୱାରା ତୁମ୍ଭର ଆସନ ନିର୍ମାଣ କରିଅଛନ୍ତି ।
\v 7 ତୁମ୍ଭର ଧ୍ୱଜା ହେବା ପାଇଁ ମିସର ଦେଶରୁ ଆନୀତ ସୂଚୀକର୍ମରେ ଚିତ୍ରିତ ଶୁଭ୍ର କ୍ଷୌମବସ୍ତ୍ରରେ ତୁମ୍ଭର ପାଲ ପ୍ରସ୍ତୁତ ହୋଇଥିଲା; ତୁମ୍ଭର ଚାନ୍ଦୁଆ ଇଲୀଶା ଦ୍ୱୀପ-ସମୂହର ନୀଳ ଓ ଧୂମ୍ର ବର୍ଣ୍ଣ ବସ୍ତ୍ରରେ ପ୍ରସ୍ତୁତ ହୋଇଥିଲା ।
\s5
\v 8 ସୀଦୋନ ଓ ଅର୍ବଦ ନିବାସୀମାନେ ତୁମ୍ଭର ଆହୁଲା ମାରିବାର ଲୋକ ଥିଲେ; ହେ ସୋର, ତୁମ୍ଭର ଜ୍ଞାନୀଲୋକ ତୁମ୍ଭ ମଧ୍ୟରେ ଥିଲେ, ସେମାନେ ତୁମ୍ଭର କର୍ଣ୍ଣଧାର ହୋଇଥିଲେ ।
\v 9 ତୁମ୍ଭର ମଧ୍ୟବର୍ତ୍ତୀ ଗବାଲର ପ୍ରାଚୀନବର୍ଗ ଓ ତହିଁର ଜ୍ଞାନୀମାନେ ତୁମ୍ଭର ନୌକା ବଟାଳିବା ଲୋକ ହୋଇଥିଲେ; ସମୁଦ୍ରର ଯାବତୀୟ ଜାହାଜ ଓ ସେମାନଙ୍କର ନାବିକଗଣ ବାଣିଜ୍ୟ ଦ୍ରବ୍ୟ ଧରିବା ନିମନ୍ତେ ତୁମ୍ଭ ମଧ୍ୟରେ ଥିଲେ ।
\s5
\v 10 ପାରସ୍ୟ, ଲୁଦ୍‍ ଓ ପୁଟ ଦେଶୀୟମାନେ ତୁମ୍ଭ ସୈନ୍ୟସାମନ୍ତ ମଧ୍ୟରେ ତୁମ୍ଭର ଯୋଦ୍ଧା ଥିଲେ; ସେମାନେ ତୁମ୍ଭ ମଧ୍ୟରେ ଢାଲ ଓ ଟୋପର ଟଙ୍ଗାଇ ରଖିଲେ; ସେମାନେ ତୁମ୍ଭର ଶୋଭା ପ୍ରକାଶ କଲେ ।
\v 11 ଅର୍ବଦର ଲୋକମାନେ ତୁମ୍ଭ ସୈନ୍ୟସାମନ୍ତ ସଙ୍ଗରେ ତୁମ୍ଭ ପ୍ରାଚୀରର ଉପରେ ଚତୁର୍ଦ୍ଦିଗରେ ଥିଲେ ଓ ଯୁଦ୍ଧବୀରମାନେ ତୁମ୍ଭର ସବୁ ଗଡ଼ ଉପରେ ଥିଲେ; ସେମାନେ ତୁମ୍ଭ ପ୍ରାଚୀର ଉପରେ ଚତୁର୍ଦ୍ଦିଗରେ ଆପଣା ଆପଣା ଢାଲ ଟଙ୍ଗାଇଲେ; ସେମାନେ ତୁମ୍ଭର ସୌନ୍ଦର୍ଯ୍ୟ ସିଦ୍ଧ କରିଅଛନ୍ତି ।
\s5
\v 12 ସବୁ ପ୍ରକାର ଧନର ବାହୁଲ୍ୟ ସକାଶୁ ତର୍ଶୀଶ୍‍ ତୁମ୍ଭର ବଣିକ ଥିଲା, ସେମାନେ ରୂପା, ଲୁହା, ଦସ୍ତା ଓ ସୀସା ଦେଇ ତୁମ୍ଭ ବାଣିଜ୍ୟ ଦ୍ରବ୍ୟର ବ୍ୟବସାୟ କଲେ ।
\v 13 ଯବନ, ତୁବଲ ଓ ମେଷକ ତୁମ୍ଭର ବ୍ୟବସାୟୀ ଥିଲେ; ସେମାନେ ମନୁଷ୍ୟ ଓ ପିତ୍ତଳର ପାତ୍ର ଦେଇ ତୁମ୍ଭ ବାଣିଜ୍ୟ ଦ୍ରବ୍ୟର ବ୍ୟବସାୟ କଲେ ।
\s5
\v 14 ତୋଗର୍ମ ବଂଶୀୟ ଲୋକମାନେ ଅଶ୍ୱ, ଯୁଦ୍ଧାଶ୍ୱ ଓ ଖଚର ଦେଇ ତୁମ୍ଭ ବାଣିଜ୍ୟ ଦ୍ରବ୍ୟର ବ୍ୟବସାୟ କଲେ ।
\v 15 ଦଦାନର ଲୋକମାନେ ତୁମ୍ଭର ବ୍ୟବସାୟୀ ଥିଲେ; ଅନେକ ଦ୍ୱୀପ ତୁମ୍ଭର ହସ୍ତଗତ ଗଞ୍ଜ ଥିଲା, ସେମାନେ ତୁମ୍ଭ ବାଣିଜ୍ୟ ଦ୍ରବ୍ୟର ବଦଳେ ହାତୀର ଦନ୍ତ ଶୃଙ୍ଗ ଓ ଅବଲୁସ୍‍ କାଷ୍ଠ ଆଣିଲେ ।
\s5
\v 16 ତୁମ୍ଭ ହସ୍ତନିର୍ମିତ ଦ୍ରବ୍ୟର ବାହୁଲ୍ୟ ହେତୁ ଅରାମ ତୁମ୍ଭର ବଣିକ ଥିଲା; ସେମାନେ ତାମ୍ରମଣି, ଧୂମ୍ରବର୍ଣ୍ଣ ଓ ବୁଟାଦାର ବସ୍ତ୍ର, କ୍ଷୌମବସ୍ତ୍ର ଆଉ ପ୍ରବାଳ ଓ ପଦ୍ମରାଗମଣି ଦେଇ ତୁମ୍ଭ ବାଣିଜ୍ୟ ଦ୍ରବ୍ୟର ବ୍ୟବସାୟ କଲେ ।
\v 17 ଯିହୂଦା ଓ ଇସ୍ରାଏଲ ଦେଶ ତୁମ୍ଭର ବ୍ୟବସାୟୀ ଥିଲେ; ସେମାନେ ମିନ୍ନୀତର ଗହମ ଓ ମିଷ୍ଟାନ୍ନ, ମଧୁ, ତୈଳ ଓ ଗୁଗ୍‍ଗୁଳ ଦେଇ ତୁମ୍ଭ ବାଣିଜ୍ୟ ଦ୍ରବ୍ୟର ବ୍ୟବସାୟ କଲେ ।
\v 18 ସର୍ବପ୍ରକାର ଧନର ବାହୁଲ୍ୟ କ୍ରମେ, ତୁମ୍ଭର ହସ୍ତନିର୍ମିତ ଦ୍ରବ୍ୟର ବାହୁଲ୍ୟ ସକାଶୁ ଦାମାସ୍‍କସ୍‍ ତୁମ୍ଭର ବଣିକ ଥିଲା, ସେମାନେ ହିଲ୍‍ବୋନର ଦ୍ରାକ୍ଷାରସ ଓ ଶୁଭ୍ର ମେଷଲୋମ ଦେଲେ ।
\s5
\v 19 ବଦାନ ଓ ଯବନ ଲୋମନିର୍ମିତ ସୂତ୍ର ଦେଇ ତୁମ୍ଭ ବାଣିଜ୍ୟ ଦ୍ରବ୍ୟର ବ୍ୟବସାୟ କଲେ; ତୁମ୍ଭ ବାଣିଜ୍ୟ ଦ୍ରବ୍ୟ ମଧ୍ୟରେ କାନ୍ତଲୌହ, ଗୁଡ଼ତ୍ୱକ୍‍ ଓ ସୁଗନ୍ଧି ବଚ ଥିଲା ।
\v 20 ଦଦାନ ବାହନର ଉପଯୋଗୀ ବହୁମୂଲ୍ୟ ବସ୍ତ୍ରାଦିରେ ତୁମ୍ଭର ବ୍ୟବସାୟୀ ଥିଲା ।
\v 21 ଆରବ ଓ କେଦରର ଅଧିପତି ସମସ୍ତେ ତୁମ୍ଭର ହସ୍ତଗତ ବଣିକ ଥିଲେ; ମେଷଶାବକ, ମେଷ ଓ ଛାଗ, ଏସକଳ ବିଷୟରେ ସେମାନେ ତୁମ୍ଭର ବଣିକ ଥିଲେ ।
\s5
\v 22 ଶିବାର ଓ ରୟମାର ବ୍ୟବସାୟୀମାନେ ତୁମ୍ଭର ବ୍ୟବସାୟୀ ଥିଲେ; ସେମାନେ ସର୍ବପ୍ରକାର ଶ୍ରେଷ୍ଠ ଗନ୍ଧଦ୍ରବ୍ୟ ଓ ସର୍ବପ୍ରକାର ବହୁମୂଲ୍ୟ ପ୍ରସ୍ତର, ଆଉ ସୁବର୍ଣ୍ଣ ଦେଇ ତୁମ୍ଭ ବାଣିଜ୍ୟ ଦ୍ରବ୍ୟର ବ୍ୟବସାୟ କଲେ ।
\v 23 ହାରଣ ଓ କନ୍ନୀ ଓ ଏଦନ୍‍, ଶିବାର ଏହି ବ୍ୟବସାୟୀମାନେ, ପୁଣି ଅଶୂର ଓ କିଲ୍ମଦ୍‍ ତୁମ୍ଭର ବ୍ୟବସାୟୀ ଥିଲେ ।
\s5
\v 24 ଏମାନେ ବାଣିଜ୍ୟ ଦ୍ରବ୍ୟ ମଧ୍ୟରେ ଉତ୍କୃଷ୍ଟ ନାନା ଦ୍ରବ୍ୟ, ନୀଳବର୍ଣ୍ଣ ଓ ବୁଟାଦାର ଆବରଣୀୟ ବସ୍ତ୍ର ଓ ବହୁମୂଲ୍ୟ ବସ୍ତ୍ର, ରଜ୍ଜୁରେ ବନ୍ଧା ଏରସ କାଷ୍ଠନିର୍ମିତ ସିନ୍ଦୁକରେ ତୁମ୍ଭର ବ୍ୟବସାୟୀ ଥିଲେ ।
\v 25 ତର୍ଶୀଶର ଜାହାଜସକଳ ତୁମ୍ଭର ବ୍ୟବସାୟକାରୀ ପଥିକ ସ୍ୱରୂପ ଥିଲେ; ପୁଣି, ତୁମ୍ଭେ ପରିପୂର୍ଣ୍ଣା ଓ ସମୁଦ୍ରର ମଧ୍ୟସ୍ଥଳରେ ଅତିଶୟ ପ୍ରତାପାନ୍ୱିତା ଥିଲ ।
\s5
\v 26 ତୁମ୍ଭର ନାବିକମାନେ ତୁମ୍ଭକୁ ଗଭୀର ଜଳ ମଧ୍ୟକୁ ଆଣିଅଛନ୍ତି; ପୂର୍ବୀୟ ବାୟୁ ସମୁଦ୍ରମାନଙ୍କ ମଧ୍ୟସ୍ଥଳରେ ତୁମ୍ଭକୁ ଭାଙ୍ଗି ପକାଇଅଛି ।
\v 27 ତୁମ୍ଭର ଧନ ଓ ତୁମ୍ଭର ବାଣିଜ୍ୟ ଦ୍ରବ୍ୟ, ତୁମ୍ଭର ବାଣିଜ୍ୟ, ତୁମ୍ଭର ନାବିକଗଣ ଓ ତୁମ୍ଭର କର୍ଣ୍ଣଧାରମାନେ, ତୁମ୍ଭର ଛିଦ୍ର ବଟାଳିବା ଲୋକମାନେ ଓ ତୁମ୍ଭର ବାଣିଜ୍ୟ ଦ୍ରବ୍ୟ ଧରିବା ଲୋକମାନେ, ଆଉ ତୁମ୍ଭର ମଧ୍ୟବର୍ତ୍ତୀ ଯୋଦ୍ଧା ସମସ୍ତେ ତୁମ୍ଭର ମଧ୍ୟବର୍ତ୍ତୀ ସମସ୍ତ ସମାଜ ସହିତ ତୁମ୍ଭର ପତନ ଦିନ ସମୁଦ୍ରମାନଙ୍କ ମଧ୍ୟସ୍ଥଳରେ ପତିତ ହେବେ ।
\s5
\v 28 ତୁମ୍ଭ କର୍ଣ୍ଣଧାରଗଣର କ୍ରନ୍ଦନ ଶବ୍ଦରେ ଉପନଗରସମୂହ କମ୍ପିତ ହେବେ ।
\v 29 ପୁଣି, ଆହୁଲା ଧରିବା ସମସ୍ତ ଲୋକ, ନାବିକମାନେ ଓ ସମୁଦ୍ରସ୍ଥ କର୍ଣ୍ଣଧାର ସମସ୍ତେ ଆପଣା ଆପଣା ଜାହାଜରୁ ଓହ୍ଳାଇ ଆସି ସ୍ଥଳରେ ଠିଆ ହେବେ,
\v 30 ପୁଣି, ତୁମ୍ଭ ଉଦ୍ଦେଶ୍ୟରେ ଆପଣାମାନଙ୍କ ଶବ୍ଦ ଶୁଣାଇ ଅତିଶୟ କ୍ରନ୍ଦନ କରିବେ ଓ ସେମାନେ ଆପଣା ଆପଣା ମସ୍ତକରେ ଧୂଳି ପକାଇ ଭସ୍ମରେ ଗଡ଼ିବେ;
\s5
\v 31 ଆଉ, ସେମାନେ ତୁମ୍ଭ ସକାଶୁ ମସ୍ତକ ମୁଣ୍ଡନ କରି କଟୀଦେଶରେ ଚଟ ବାନ୍ଧିବେ, ଆଉ ତୁମ୍ଭ ସକାଶୁ ପ୍ରାଣର ବିକଳତାରେ ରୋଦନ କରି ଅତିଶୟ ବିଳାପ କରିବେ ।
\v 32 ପୁଣି, ସେମାନେ ଆପଣାମାନଙ୍କର ଶୋକ ସମୟରେ ତୁମ୍ଭ ଉଦ୍ଦେଶ୍ୟରେ ବିଳାପ କରି ତୁମ୍ଭ ବିଷୟରେ ଏହି କଥା କହି ବିଳାପ କରିବେ, ସୋର ପରି, ଯେ ସମୁଦ୍ର ମଧ୍ୟ ସ୍ଥାନରେ ନିସ୍ତବ୍‍ଧା ହେଲା, ତାହା ପରି କିଏ ଅଛି ?
\v 33 ଯେତେବେଳେ ତୁମ୍ଭର ବାଣିଜ୍ୟ ଦ୍ରବ୍ୟସବୁ ସମୁଦ୍ରମାନଙ୍କ ମଧ୍ୟରୁ ବାହାରି ଗଲା, ସେତେବେଳେ ତୁମ୍ଭେ ଅନେକ ଗୋଷ୍ଠୀଙ୍କୁ ପରିପୂର୍ଣ୍ଣ କଲ; ତୁମ୍ଭେ ଆପଣା ଧନ ଓ ବାଣିଜ୍ୟ ଦ୍ରବ୍ୟର ବାହୁଲ୍ୟରେ ପୃଥିବୀର ରାଜଗଣକୁ ଧନୀ କଲ ।
\s5
\v 34 ତୁମ୍ଭେ ସମୁଦ୍ର ଦ୍ୱାରା ଗଭୀର ଜଳରାଶିରେ ଭଗ୍ନ ହେବା ସମୟରେ ତୁମ୍ଭର ବାଣିଜ୍ୟ ଦ୍ରବ୍ୟ ଓ ତୁମ୍ଭର ସମସ୍ତ ସମାଜ ତୁମ୍ଭ ମଧ୍ୟରେ ପତିତ ହେଲେ ।
\v 35 ଦ୍ୱୀପସମୂହର ନିବାସୀ ସମସ୍ତେ ତୁମ୍ଭ ବିଷୟରେ ବିସ୍ମିତ ହୋଇଅଛନ୍ତି ଓ ସେମାନଙ୍କର ରାଜଗଣ ଅତ୍ୟନ୍ତ ଭୀତ ହୋଇଅଛନ୍ତି ଓ ସେମାନଙ୍କର ବଦନ ବିଷର୍ଣ୍ଣ ହୋଇଅଛି ।
\v 36 ଗୋଷ୍ଠୀଗଣର ମଧ୍ୟବର୍ତ୍ତୀ ବଣିକମାନେ ତୁମ୍ଭ ଉଦ୍ଦେଶ୍ୟରେ ଶୀଷ୍‍ ଶବ୍ଦ କରନ୍ତି; ତୁମ୍ଭେ ଭୟଙ୍କର ହୋଇଅଛ, ପୁଣି, ତୁମ୍ଭେ ଆଉ କେବେ ସ୍ଥାପିତ ହେବ ନାହିଁ ।
\s5
\c 28
\s ସୋର ରାଜା ବିରୁଦ୍ଧରେ ଭବିଷ୍ୟଦ୍‍ବାଣୀ
\p
\v 1 ସଦାପ୍ରଭୁଙ୍କର ବାକ୍ୟ ପୁନର୍ବାର ମୋ' ନିକଟରେ ଉପସ୍ଥିତ ହେଲା ଏବଂ ସେ କହିଲେ,
\v 2 "ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ସୋରର ଅଧିପତିକୁ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି: ତୁମ୍ଭର ଚିତ୍ତ ଗର୍ବିତ ହୋଇଅଛି ଓ ତୁମ୍ଭେ କହିଅଛ, "ମୁଁ ଈଶ୍ୱର ଅଟେ, ମୁଁ ସମୁଦ୍ରମାନଙ୍କ ମଧ୍ୟସ୍ଥାନରେ ଈଶ୍ୱରଙ୍କ ଆସନରେ ବସିଅଛି," ମାତ୍ର ତୁମ୍ଭେ ଆପଣା ଚିତ୍ତକୁ ଈଶ୍ୱରଙ୍କ ଚିତ୍ତ ତୁଲ୍ୟ ବୋଲି ମଣିଲେ ହେଁ ତୁମ୍ଭେ ତ ଈଶ୍ୱର ନୁହଁ, ମନୁଷ୍ୟ ମାତ୍ର ଅଟ ।
\v 3 ଦେଖ, ତୁମ୍ଭେ ଦାନିୟେଲ ଅପେକ୍ଷା ଜ୍ଞାନୀ; କୌଣସି ନିଗୂଢ଼ କଥା ଲୋକମାନେ ତୁମ୍ଭଠାରୁ ଗୋପନ କରି ନ ପାରନ୍ତି :
\s5
\v 4 ତୁମ୍ଭେ ଆପଣା ଜ୍ଞାନ ଓ ବୁଦ୍ଧି ଦ୍ୱାରା ଧନ ପ୍ରାପ୍ତ ହୋଇଅଛ ଓ ଆପଣା ଭଣ୍ଡାରରେ ସୁନା ଓ ରୂପା ସଞ୍ଚୟ କରିଅଛ;
\v 5 ତୁମ୍ଭେ ଆପଣାର ମହା ଜ୍ଞାନ ଦ୍ୱାରା ଓ ବାଣିଜ୍ୟ ଦ୍ୱାରା ଆପଣାର ଧନ ବଢ଼ାଇଅଛ, ଆଉ ତୁମ୍ଭର ଧନ ସକାଶୁ ତୁମ୍ଭର ଚିତ୍ତ ଗର୍ବିତ ହୋଇଅଛି ।
\s5
\v 6 ଏଥିପାଇଁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେ ଆପଣା ଚିତ୍ତକୁ ଈଶ୍ୱରଙ୍କ ଚିତ୍ତ ତୁଲ୍ୟ ବୋଲି ମଣିବା ସକାଶୁ,
\v 7 ଦେଖ, ଆମ୍ଭେ ବିଦେଶୀୟମାନଙ୍କୁ, ଗୋଷ୍ଠୀଗଣ ମଧ୍ୟରେ ଭୟଙ୍କର ଲୋକମାନଙ୍କୁ ତୁମ୍ଭ ବିରୁଦ୍ଧରେ ଆଣିବା; ତହିଁରେ ସେମାନେ ତୁମ୍ଭର ଜ୍ଞାନରୂପ ସୌନ୍ଦର୍ଯ୍ୟର ପ୍ରତିକୂଳରେ ଆପଣା ଆପଣା ଖଡ଼୍‍ଗ ନିଷ୍କୋଷ କରିବେ ଓ ତୁମ୍ଭର ଶୋଭା ଭ୍ରଷ୍ଟ କରିବେ ।
\s5
\v 8 ସେମାନେ ତୁମ୍ଭକୁ ଗର୍ତ୍ତକୁ ଓହ୍ଲାଇ ଆଣିବେ ଓ ତୁମ୍ଭେ ସମୁଦ୍ରମାନଙ୍କର ମଧ୍ୟସ୍ଥାନରେ ହତ ଲୋକମାନଙ୍କ ମୃତ୍ୟୁ ତୁଲ୍ୟ ମୃତ୍ୟୁଭୋଗ କରିବ ।
\v 9 ତଥାପି ତୁମ୍ଭେ କି ଆପଣା ବଧକାରୀର ସାକ୍ଷାତରେ କହିବ, "ମୁଁ ଈଶ୍ୱର ?" ମାତ୍ର ତୁମ୍ଭେ ତ ଆପଣା ଆଘାତକାରୀର ହସ୍ତରେ ମନୁଷ୍ୟ ମାତ୍ର ଅଟ, ଈଶ୍ୱର ନୁହଁ ।
\v 10 ତୁମ୍ଭେ ବିଦେଶୀୟମାନଙ୍କ ହସ୍ତରେ ଅସୁନ୍ନତ ଲୋକମାନଙ୍କ ତୁଲ୍ୟ ମରିବ; କାରଣ ଆମ୍ଭେ ଏହା କହିଅଛୁ," ଏହା ପ୍ରଭୁ, ସଦାପ୍ରଭୁ କହନ୍ତି ।
\s ସୋର ରାଜାଙ୍କ ପତନ
\p
\s5
\v 11 ଆହୁରି ସଦାପ୍ରଭୁଙ୍କର ବାକ୍ୟ ମୋ' ନିକଟରେ ଉପସ୍ଥିତ ହେଲା ଏବଂ ସେ କହିଲେ,
\v 12 "ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ସୋରର ରାଜା ବିଷୟରେ ବିଳାପ କର ଓ ତାହାକୁ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି । ତୁମ୍ଭେ ଜ୍ଞାନରେ ପୂର୍ଣ୍ଣ ଓ ସୌନ୍ଦର୍ଯ୍ୟରେ ସିଦ୍ଧ, ଉଭୟର ମୁଦ୍ରାଙ୍କ କରୁଅଛ ।
\v 13 ତୁମ୍ଭେ ପରମେଶ୍ୱରଙ୍କ ଉଦ୍ୟାନ ଏଦନରେ ଥିଲ; ଚୁଣୀ, ପୀତମଣି ଓ ହୀରକ, ବୈଦୁର୍ଯ୍ୟମଣି, ଗୋମେଦକ ଓ ସୂର୍ଯ୍ୟକାନ୍ତ, ନୀଳକାନ୍ତ, ପଦ୍ମରାଗ ଓ ମରକତ ଆଦି ଯାବତୀୟ ବହୁମୂଲ୍ୟ ପ୍ରସ୍ତର ଓ ସୁବର୍ଣ୍ଣ ତୁମ୍ଭର ଆଚ୍ଛାଦନ ଥିଲା; ତୁମ୍ଭର ତବଲ ଓ ବଂଶୀର ଶିଳ୍ପକାର୍ଯ୍ୟ ତୁମ୍ଭ ମଧ୍ୟରେ ଥିଲା; ତୁମ୍ଭେ ସୃଷ୍ଟ ହେବା ଦିନ ସେହି ସବୁ ପ୍ରସ୍ତୁତ ହୋଇଥିଲା ।
\s5
\v 14 ତୁମ୍ଭେ ଆଚ୍ଛାଦନକାରୀ ଅଭିଷିକ୍ତ କିରୂବ ଥିଲ; ପୁଣି, ଆମ୍ଭେ ତୁମ୍ଭକୁ ସ୍ଥାପନ କଲୁ, ତହିଁରେ ତୁମ୍ଭେ ପରମେଶ୍ୱରଙ୍କ ପବିତ୍ର ପର୍ବତ ଉପରେ ଥିଲ; ତୁମ୍ଭେ ଅଗ୍ନିମୟ ପ୍ରସ୍ତରସକଳର ମଧ୍ୟରେ ଗମନାଗମନ କଲ ।
\v 15 ତୁମ୍ଭ ମଧ୍ୟରେ ଅଧର୍ମ ଦେଖାଯିବା ପର୍ଯ୍ୟନ୍ତ ତୁମ୍ଭେ ଆପଣା ସୃଷ୍ଟି ଦିନଠାରୁ ଆପଣା ଆଚରଣରେ ସିଦ୍ଧ ଥିଲ ।
\s5
\v 16 ତୁମ୍ଭ ବାଣିଜ୍ୟର ବାହୁଲ୍ୟରେ ସେମାନେ ତୁମ୍ଭ ଆଭ୍ୟନ୍ତର ଦୌରାତ୍ମ୍ୟରେ ପରିପୂର୍ଣ୍ଣ କଲେ, ଆଉ ତୁମ୍ଭେ ପାପ କରିଅଛ; ଏଥିପାଇଁ ଆମ୍ଭେ ଅଶୁଚି ବସ୍ତୁ ତୁଲ୍ୟ ତୁମ୍ଭକୁ ପରମେଶ୍ୱରଙ୍କ ପର୍ବତରୁ ପକାଇ ଦେଇଅଛୁ; ଆଉ ହେ ଆଚ୍ଛାଦନକାରୀ କିରୂବ, ଅଗ୍ନିମୟ ପ୍ରସ୍ତରସକଳର ମଧ୍ୟରୁ ଆମ୍ଭେ ତୁମ୍ଭକୁ ବିନାଶ କରିଅଛୁ ।
\v 17 ତୁମ୍ଭର ସୌନ୍ଦର୍ଯ୍ୟ ସକାଶୁ ତୁମ୍ଭର ଚିତ୍ତ ଗର୍ବିତ ହୋଇଅଛି, ତୁମ୍ଭେ ଆପଣାର ଶୋଭା ସକାଶୁ ନିଜ ଜ୍ଞାନ ଭ୍ରଷ୍ଟ କରିଅଛ; ଆମ୍ଭେ ତୁମ୍ଭକୁ ଭୂମିରେ ନିକ୍ଷେପ କରିଅଛୁ, ରାଜାମାନେ ଯେପରି ତୁମ୍ଭକୁ ଦେଖିବେ, ଏଥିପାଇଁ ଆମ୍ଭେ ସେମାନଙ୍କ ସମ୍ମୁଖରେ ତୁମ୍ଭକୁ ରଖିଅଛୁ ।
\s5
\v 18 ତୁମ୍ଭେ ଆପଣାର ଅଧର୍ମର ବାହୁଲ୍ୟରେ, ନିଜ ବାଣିଜ୍ୟ ବିଷୟକ ଅନ୍ୟାୟ ଦ୍ୱାରା ଆପଣାର ପବିତ୍ର ସ୍ଥାନସକଳ ଅପବିତ୍ର କରିଅଛ; ଏଥିପାଇଁ ଆମ୍ଭେ ତୁମ୍ଭ ମଧ୍ୟରୁ ଅଗ୍ନି ବାହାର କରି ଆଣିଅଛୁ, ତାହା ତୁମ୍ଭକୁ ଗ୍ରାସ କରିଅଛି, ପୁଣି, ଆମ୍ଭେ ତୁମ୍ଭକୁ ଦର୍ଶନକାରୀ ସକଳର ସାକ୍ଷାତରେ ଭୂମିରେ ଭସ୍ମ କରିଅଛୁ ।
\v 19 ଗୋଷ୍ଠୀଗଣ ମଧ୍ୟରେ ଯେଉଁମାନେ ତୁମ୍ଭକୁ ଜାଣନ୍ତି, ସେମାନେ ସମସ୍ତେ ତୁମ୍ଭ ବିଷୟରେ ବିସ୍ମୟାପନ୍ନ ହେବେ; ତୁମ୍ଭେ ଭୟଙ୍କର ହୋଇଅଛ ଓ ତୁମ୍ଭେ ଆଉ କେବେ ନ ଥିବ ।"
\s ସୀଦୋନ ବିରୁଦ୍ଧରେ ଭବିଷ୍ୟଦ୍‍ବାଣୀ
\p
\s5
\v 20 ଏଥିଉତ୍ତାରେ ସଦାପ୍ରଭୁଙ୍କର ଏହି ବାକ୍ୟ ମୋ' ନିକଟରେ ଉପସ୍ଥିତ ହେଲା,
\v 21 ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ସୀଦୋନ ପ୍ରତି ଆପଣା ମୁଖ ରଖି ତାହା ବିରୁଦ୍ଧରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କର;
\v 22 ଆଉ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ହେ ସୀଦୋନ, ଦେଖ, ଆମ୍ଭେ ତୁମ୍ଭର ପ୍ରତିକୂଳ ଅଟୁ; ପୁଣି, ଆମ୍ଭେ ତୁମ୍ଭ ମଧ୍ୟରେ ଗୌରବାନ୍ୱିତ ହେବା; ପୁଣି, ଆମ୍ଭେ ଯେତେବେଳେ ନଗର ମଧ୍ୟରେ ଦଣ୍ଡାଜ୍ଞା ସଫଳ କରିବା ଓ ତହିଁ ମଧ୍ୟରେ ପବିତ୍ର ରୂପେ ପ୍ରତିଷ୍ଠିତ ହେବା, ସେତେବେଳେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ଲୋକମାନେ ଜାଣିବେ ।
\s5
\v 23 କାରଣ ଆମ୍ଭେ ନଗର ମଧ୍ୟକୁ ମହାମାରୀ ଓ ତାହାର ସମସ୍ତ ଛକକୁ ରକ୍ତ ପଠାଇବା; ପୁଣି, ତାହାର ଚତୁର୍ଦ୍ଦିଗସ୍ଥିତ ଖଡ଼୍‍ଗ ଦ୍ୱାରା ଆହତ ଲୋକମାନେ ତାହା ମଧ୍ୟରେ ପତିତ ହେବେ; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ଲୋକମାନେ ଜାଣିବେ ।
\s ଈଶ୍ୱରଙ୍କଠାରେ ଇସ୍ରାଏଲର ନିରାପତ୍ତା
\p
\v 24 ପୁଣି, ଇସ୍ରାଏଲ ବଂଶର ଚତୁର୍ଦ୍ଦିଗସ୍ଥିତ ଯେଉଁ ଲୋକମାନେ ସେମାନଙ୍କୁ ଅବଜ୍ଞା କଲେ, ସେମାନଙ୍କ ମଧ୍ୟରୁ କୌଣସି ଲୋକ ସେମାନଙ୍କର ଶୂଳଜନକ କାନକୋଳି କଣ୍ଟା ଅଥବା ବ୍ୟଥାଦାୟକ କଣ୍ଟକ ଆଉ ନୋହିବ; ତହିଁରେ ଆମ୍ଭେ ଯେ ପ୍ରଭୁ, ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ ।
\s5
\v 25 ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ଯେଉଁ ଗୋଷ୍ଠୀଗଣ ମଧ୍ୟରେ ଇସ୍ରାଏଲ ବଂଶ ଛିନ୍ନଭିନ୍ନ ହୋଇଅଛନ୍ତି, ସେମାନଙ୍କ ମଧ୍ୟରୁ ଯେତେବେଳେ ଆମ୍ଭେ ସେମାନଙ୍କୁ ସଂଗ୍ରହ କରିବା ଓ ନାନା ଦେଶୀୟମାନଙ୍କ ସାକ୍ଷାତରେ ସେମାନଙ୍କ ମଧ୍ୟରେ ପବିତ୍ର ରୂପେ ପ୍ରତିପନ୍ନ ହେବା, ସେତେବେଳେ ଆମ୍ଭେ ନିଜ ଦାସ ଯାକୁବକୁ ଯେଉଁ ଦେଶ ଦେଇଥିଲୁ, ସେମାନେ ଆପଣାମାନଙ୍କର ସେହି ଦେଶରେ ବାସ କରିବେ ।
\v 26 ପୁଣି, ସେମାନେ ତହିଁ ମଧ୍ୟରେ ନିରାପଦରେ ବାସ କରିବେ; ହଁ, ଆମ୍ଭେ ସେମାନଙ୍କର ଅବଜ୍ଞାକାରୀ ଚତୁର୍ଦ୍ଦିଗସ୍ଥିତ ସକଳ ଲୋକଙ୍କ ଉପରେ ଦଣ୍ଡାଜ୍ଞା ସଫଳ କଲା ଉତ୍ତାରେ ସେମାନେ ଗୃହ ନିର୍ମାଣ କରିବେ ଓ ଦ୍ରାକ୍ଷାକ୍ଷେତ୍ର ପ୍ରସ୍ତୁତ କରିବେ, ଆଉ ନିରାପଦରେ ବାସ କରିବେ; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ସେମାନଙ୍କର ପରମେଶ୍ୱର ଅଟୁ, ଏହା ସେମାନେ ଜାଣିବେ ।
\s5
\c 29
\s ମିସର ବିରୁଦ୍ଧରେ ଭବିଷ୍ୟଦ୍‍ବାଣୀ
\p
\v 1 ଦଶମ ବର୍ଷର ଦଶମ ମାସ, ମାସର ଦ୍ୱାଦଶ ଦିନରେ ସଦାପ୍ରଭୁଙ୍କର ବାକ୍ୟ ମୋ' ନିକଟରେ ଉପସ୍ଥିତ ହେଲା ଏବଂ ସେ କହିଲେ,
\v 2 "ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ମିସରର ରାଜା ଫାରୋ ବିରୁଦ୍ଧରେ ଆପଣା ମୁଖ ରଖ, ପୁଣି, ତାହା ବିରୁଦ୍ଧରେ ଓ ସମୁଦାୟ ମିସର ବିରୁଦ୍ଧରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କର;
\v 3 ଏହି କଥା କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ହେ ମିସରର ରାଜା ଫାରୋ, ଦେଖ, ଆମ୍ଭେ ତୁମ୍ଭର ବିପକ୍ଷ ଅଟୁ, ତୁମ୍ଭେ ଆପଣା ସ୍ରୋତସମୂହ ମଧ୍ୟରେ ଶୟନକାରୀ ପ୍ରକାଣ୍ଡ କୁମ୍ଭୀର, ତୁମ୍ଭେ କହିଅଛ, "ମୋର ନଦୀ ମୋର, ମୁଁ ଆପଣା ପାଇଁ ତାହା ସୃଷ୍ଟି କରିଅଛି ।"
\s5
\v 4 ମାତ୍ର ଆମ୍ଭେ ତୁମ୍ଭ କଳପାଟିରେ ଅଙ୍କୁଶ ଦେବା ଓ ଆମ୍ଭେ ତୁମ୍ଭ ସ୍ରୋତସମୂହରେ ମତ୍ସ୍ୟସକଳକୁ ତୁମ୍ଭ ଦେହର କାତିରେ ଲଗାଇବା; ଆଉ, ଆମ୍ଭେ ତୁମ୍ଭ ସ୍ରୋତସମୂହର ମଧ୍ୟରୁ ତୁମ୍ଭକୁ ଓ ତୁମ୍ଭ କାତିରେ ଲାଗିଥିବା ତୁମ୍ଭ ସ୍ରୋତସମୂହର ମତ୍ସ୍ୟସକଳକୁ ବାହାର କରି ଉପରକୁ ଆଣିବା ।
\v 5 ପୁଣି, ଆମ୍ଭେ ତୁମ୍ଭକୁ, ହଁ, ତୁମ୍ଭକୁ ତୁମ୍ଭ ସ୍ରୋତସମୂହର ମତ୍ସ୍ୟସକଳକୁ ପ୍ରାନ୍ତରରେ ପକାଇ ଛାଡ଼ି ଦେବା; ତୁମ୍ଭେ ପଦାରେ ପଡ଼ି ରହିବ; ତୁମ୍ଭେ ଆଉ ସଂଗୃହୀତ କିମ୍ବା ସଞ୍ଚିତ ହେବ ନାହିଁ; ଆମ୍ଭେ ତୁମ୍ଭକୁ ଭୂଚର ପଶୁଗଣର ଓ ଖେଚର ପକ୍ଷଗଣର ଖାଦ୍ୟ ହେବା ନିମନ୍ତେ ସମର୍ପି ଦେଇଅଛୁ ।
\s5
\v 6 ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ମିସରନିବାସୀ ସମସ୍ତେ ଜାଣିବେ । କାରଣ ସେମାନେ ଇସ୍ରାଏଲ ବଂଶ ପ୍ରତି ନଳର ଯଷ୍ଟି ହୋଇଅଛନ୍ତି ।
\v 7 ଯେତେବେଳେ ସେମାନେ ତୁମ୍ଭର ହସ୍ତ ଧରିଲେ, ସେତେବେଳେ ତୁମ୍ଭେ ଭଗ୍ନ ହୋଇ ସେମାନଙ୍କର ସ୍କନ୍ଧସବୁ ବିଦୀର୍ଣ୍ଣ କଲ; ଆଉ, ଯେତେବେଳେ ସେମାନେ ତୁମ୍ଭ ଉପରେ ଆଉଜିଲେ, ସେତେବେଳେ ତୁମ୍ଭେ ଭଗ୍ନ ହୋଇ ସେମାନଙ୍କର ସମସ୍ତ କଟୀଦେଶ ଅଚଳ କଲ ।
\s5
\v 8 ଏହେତୁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ଦେଖ, ଆମ୍ଭେ ତୁମ୍ଭ ବିରୁଦ୍ଧରେ ଖଡ଼୍‍ଗ ଆଣିବା ଓ ତୁମ୍ଭ ମଧ୍ୟରୁ ମନୁଷ୍ୟ ଓ ପଶୁ ଉଚ୍ଛିନ୍ନ କରିବା ।
\v 9 ପୁଣି, ମିସର ଦେଶ ଧ୍ୱଂସିତ ଓ ଶୂନ୍ୟ ସ୍ଥାନ ହେବ; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ; ଯେହେତୁ ସେ କହିଅଛି, "ନଦୀ ମୋର ଓ ମୁଁ ତାହା ସୃଷ୍ଟି କରିଅଛି ।"
\v 10 ଏହେତୁ ଦେଖ, ଆମ୍ଭେ ତୁମ୍ଭର ଓ ତୁମ୍ଭ ନଦୀସମୂହର ପ୍ରତିକୂଳ ଅଟୁ, ପୁଣି, ଆମ୍ଭେ ସିବେନୀ ଦୁର୍ଗଠାରୁ କୂଶ ଦେଶର ସୀମା ପର୍ଯ୍ୟନ୍ତ ମିସର ଦେଶକୁ ନିତାନ୍ତ ଶୂନ୍ୟ ଓ ଧ୍ୱଂସସ୍ଥାନ କରିବା ।
\s5
\v 11 କୌଣସି ମନୁଷ୍ୟର ପାଦ ତହିଁ ମଧ୍ୟରେ ଗତାୟାତ କରିବ ନାହିଁ, କିଅବା ପଶୁର ପାଦ ତହିଁ ମଧ୍ୟରେ ଗତାୟାତ କରିବ ନାହିଁ ଓ ଚାଳିଶ ବର୍ଷ ପର୍ଯ୍ୟନ୍ତ ତାହା ବସତି-ସ୍ଥାନ ନୋହିବ ।
\v 12 ପୁଣି, ଆମ୍ଭେ ମିସର ଦେଶକୁ ଧ୍ୱଂସିତ ଦେଶସମୂହର ମଧ୍ୟରେ ଧ୍ୱଂସସ୍ଥାନ କରିବା ଓ ତାହାର ନଗରସମୂହ ଉଚ୍ଛିନ୍ନ ନଗରସମୂହ ମଧ୍ୟରେ ଚାଳିଶ ବର୍ଷ ପର୍ଯ୍ୟନ୍ତ ଧ୍ୱଂସସ୍ଥାନ ହୋଇ ରହିବ; ପୁଣି, ଆମ୍ଭେ ମିସ୍ରୀୟମାନଙ୍କୁ ନାନା ଦେଶୀୟମାନଙ୍କ ମଧ୍ୟରେ ଛିନ୍ନଭିନ୍ନ କରିବା ଓ ନାନା ଦେଶରେ ସେମାନଙ୍କୁ ବିକ୍ଷିପ୍ତ କରିବା ।
\s5
\v 13 କାରଣ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି: ମିସ୍ରୀୟମାନେ ଯେଉଁ ଗୋଷ୍ଠୀୟମାନଙ୍କ ମଧ୍ୟରେ ଛିନ୍ନଭିନ୍ନ ହୋଇଅଛନ୍ତି, ସେମାନଙ୍କ ମଧ୍ୟରୁ ଚାଳିଶ ବର୍ଷର ଶେଷରେ ଆମ୍ଭେ ସେମାନଙ୍କୁ ସଂଗ୍ରହ କରିବା;
\v 14 ଆଉ, ଆମ୍ଭେ ମିସରର ବନ୍ଦୀତ୍ୱାବସ୍ଥା ପରିବର୍ତ୍ତନ କରିବା ଓ ସେମାନଙ୍କର ଜନ୍ମ-ସ୍ଥାନ ପଥ୍ରୋଷ୍‍ ଦେଶକୁ ସେମାନଙ୍କୁ ଫେରାଇ ଆଣିବା, ପୁଣି, ସେଠାରେ ସେମାନେ ଗୋଟିଏ ନୀଚ ରାଜ୍ୟ ହୋଇ ରହିବେ ।
\s5
\v 15 ନାନା ରାଜ୍ୟ ମଧ୍ୟରେ ତାହା ନୀଚତମ ହେବ ଓ ନାନା ଗୋଷ୍ଠୀୟମାନଙ୍କ ମଧ୍ୟରେ ସେ ଆପଣାକୁ ଆଉ ଉନ୍ନତ କରିବ ନାହିଁ; ପୁଣି, ଆମ୍ଭେ ସେମାନଙ୍କୁ ନ୍ୟୂନ କରିବା, ତହିଁରେ ସେମାନେ ଗୋଷ୍ଠୀଗଣ ଉପରେ ଆଉ କର୍ତ୍ତୃତ୍ୱ କରିବେ ନାହିଁ ।
\v 16 ଆଉ, ଇସ୍ରାଏଲ ବଂଶ ମିସ୍ରୀୟମାନଙ୍କର ଅନୁସରଣ କରିବା ପାଇଁ ଫେରିବା ବେଳେ ମିସର, ସେମାନଙ୍କର ଅପରାଧ ସ୍ମରଣାର୍ଥକ ବିଶ୍ୱାସ-ଭୂମି ଆଉ ହେବ ନାହିଁ; ତହିଁରେ ଆମ୍ଭେ ଯେ ପ୍ରଭୁ, ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ ।"
\s5
\v 17 ଏଥିଉତ୍ତାରେ ସତାଇଶ ବର୍ଷର ପ୍ରଥମ ମାସରେ, ମାସର ପ୍ରଥମ ଦିନରେ ସଦାପ୍ରଭୁଙ୍କର ବାକ୍ୟ ମୋ' ନିକଟରେ ଉପସ୍ଥିତ ହେଲା ଏବଂ ସେ କହିଲେ,
\v 18 "ହେ ମନୁଷ୍ୟ-ସନ୍ତାନ, ବାବିଲର ରାଜା ନବୂଖଦ୍‍ନିତ୍ସର ଆପଣା ସୈନ୍ୟସାମନ୍ତକୁ ସୋର ବିରୁଦ୍ଧରେ ଭାରୀ ପରିଶ୍ରମ କରାଇଅଛି; ପ୍ରତ୍ୟେକ ମସ୍ତକ ଟାଙ୍ଗରା ହେଲା ଓ ପ୍ରତ୍ୟେକ କାନ୍ଧର ଚର୍ମ ଛିଡ଼ିଗଲା; ତଥାପି ସେ ସୋର ବିରୁଦ୍ଧରେ ଯେଉଁ ପରିଶ୍ରମ କରିଥିଲା, ତହିଁ ପାଇଁ ସେ କିଅବା ତାହାର ସୈନ୍ୟସାମନ୍ତ ସୋରଠାରୁ କିଛି ବେତନ ପାଇଲେ ନାହିଁ;
\s5
\v 19 ଏଥିପାଇଁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ବାବିଲର ରାଜା ନବୁଖଦ୍‍ନିତ୍ସରକୁ ମିସର ଦେଶ ଦେବା; ତହିଁରେ ସେ ତାହାର ମହାଜନତାକୁ ନେଇଯିବ ଓ ତାହାର ଦ୍ରବ୍ୟ ଲୁଟି ନେବ, ଆଉ ତାହାର ସମ୍ପତ୍ତି ଅପହରଣ କରିବ; ପୁଣି, ଏହା ତାହାର ସୈନ୍ୟସାମନ୍ତର ବେତନ ହେବ ।
\v 20 ସେ ଯହିଁ ପାଇଁ ପରିଶ୍ରମ କଲା, ତାହାର ସେହି ପୁରସ୍କାର ରୂପେ ଆମ୍ଭେ ତାହାକୁ ମିସର ଦେଶ ଦେଇଅଛୁ, କାରଣ ସେମାନେ ଆମ୍ଭ ନିମନ୍ତେ କାର୍ଯ୍ୟ କଲେ," ଏହା ପ୍ରଭୁ, ସଦାପ୍ରଭୁ କହନ୍ତି ।
\s5
\v 21 "ସେହି ଦିନ ଆମ୍ଭେ ଇସ୍ରାଏଲ ବଂଶ ନିମନ୍ତେ ଗୋଟିଏ ଶୃଙ୍ଗ ଅଙ୍କୁରିତ କରାଇବା, ପୁଣି, ଆମ୍ଭେ ସେମାନଙ୍କ ମଧ୍ୟରେ ତୁମ୍ଭର ମୁଖ ମୁକ୍ତ କରିବା: ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ," ଏହା ସେମାନେ ଜାଣିବେ ।
\s5
\c 30
\s ମିସରର ପତନ
\p
\v 1 ସଦାପ୍ରଭୁଙ୍କର ବାକ୍ୟ ପୁନର୍ବାର ମୋ' ନିକଟରେ ଉପସ୍ଥିତ ହେଲା, ଯଥା;
\v 2 "ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କର, ଆଉ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭେମାନେ ହାହାକାର କରି କୁହ, ହାୟ ହାୟ, ସେହି ଦିନ !
\v 3 କାରଣ ସେହି ଦିନ ନିକଟବର୍ତ୍ତୀ, ହଁ, ସଦାପ୍ରଭୁଙ୍କର ଦିନ ନିକଟବର୍ତ୍ତୀ, ସେହି ଦିନ ମେଘାଚ୍ଛନ୍ନ ଦିନ; ତାହା ଅନ୍ୟ ଦେଶୀୟମାନଙ୍କର କାଳ ହେବ ।
\s5
\v 4 ପୁଣି, ମିସର ବିରୁଦ୍ଧରେ ଖଡ଼୍‍ଗ ଆସିବ ଓ ମିସର ଦେଶରେ ହତ ଲୋକମାନେ ପତିତ ହେଲେ କୂଶ ମଧ୍ୟରେ ଯାତନା ହେବ; ଆଉ, ସେମାନେ ତାହାର ଲୋକାରଣ୍ୟକୁ ଘେନି ଯିବେ ଓ ତାହାର ଭିତ୍ତିମୂଳସକଳ ଭଗ୍ନ ହେବ ।
\v 5 କୂଶ୍‍ ଓ ପୂଟ୍‍ ଓ ଲୁଦ୍‍, ଆଉ ମିଶ୍ରିତ ଲୋକ ସମସ୍ତେ, ପୁଣି, କୂବ୍‍ ଓ ମିତ୍ରଦେଶୀୟ ଲୋକ ସମସ୍ତେ ସେମାନଙ୍କ ସଙ୍ଗେ ଖଡ଼୍‍ଗରେ ପତିତ ହେବେ ।"
\s5
\v 6 ସଦାପ୍ରଭୁ ଏହି କଥା କହନ୍ତି, "ମିସରର ସହାୟକାରୀମାନେ ପତିତ ହେବେ ଓ ତାହାର ପରାକ୍ରମର ଗର୍ବ ଖର୍ବ ହେବ; ସିବେନୀ ଦୁର୍ଗଠାରୁ ଲୋକ ସମସ୍ତେ ତହିଁ ମଧ୍ୟରେ ଖଡ଼୍‍ଗ ଦ୍ୱାରା ପତିତ ହେବେ," ଏହା ପ୍ରଭୁ, ସଦାପ୍ରଭୁ କହନ୍ତି ।
\v 7 ପୁଣି, ସେମାନେ ଧ୍ୱଂସିତ ନଗରସମୂହ ମଧ୍ୟରେ ଧ୍ୱଂସିତ ହେବେ ଓ ତାହାର ନଗରସକଳ ଉତ୍ସନ୍ନ ନଗରସମୂହର ମଧ୍ୟରେ ଥିବ ।
\s5
\v 8 ଆଉ, ଆମ୍ଭେ ମିସରରେ ଅଗ୍ନି ଲଗାଇଲା ଉତ୍ତାରେ ଓ ତାହାର ସହାୟକାରୀ ସମସ୍ତେ ବିନଷ୍ଟ ହେଲା ଉତ୍ତାରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ ।
\v 9 ସେହି ଦିନ ନିଶ୍ଚିନ୍ତ କୂଶୀୟମାନଙ୍କୁ ଭୀତ କରାଇବା ପାଇଁ ଦୂତମାନେ ଆମ୍ଭ ସମ୍ମୁଖରୁ ଜାହାଜରେ ଯିବେ; ପୁଣି, ମିସରର ଦିନରେ ଯେପରି ହୋଇଥିଲା, ସେହିପରି ସେମାନଙ୍କର ଯାତନା ହେବ; କାରଣ ଦେଖ, ତାହା ଆସୁଅଛି ।
\s5
\v 10 ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; "ଆମ୍ଭେ ମଧ୍ୟ ବାବିଲର ରାଜା ନବୁଖଦ୍‍ନିତ୍ସରର ହସ୍ତ ଦ୍ୱାରା ମିସରର ଲୋକାରଣ୍ୟ ଶେଷ କରିବା ।"
\v 11 ସେ ଓ ଗୋଷ୍ଠୀଗଣ ମଧ୍ୟରେ ଭୟଙ୍କର ତାହାର ଲୋକମାନେ ତାହା ସଙ୍ଗେ ଦେଶ ବିନାଶାର୍ଥେ ଅଣାଯିବେ; ଆଉ, ସେମାନେ ମିସରର ବିରୁଦ୍ଧରେ ଆପଣା ଆପଣା ଖଡ଼୍‍ଗ ନିଷ୍କୋଷ କରି ହତ ଲୋକରେ ଦେଶ ପୂର୍ଣ୍ଣ କରିବେ ।
\s5
\v 12 ପୁଣି, ଆମ୍ଭେ ସ୍ରୋତସମୂହ ଶୁଷ୍କ କରିବା ଓ ମନ୍ଦ ଲୋକମାନଙ୍କ ହସ୍ତରେ ଦେଶ ବିକ୍ରୟ କରିବା; ଆଉ, ଆମ୍ଭେ ବିଦେଶୀମାନଙ୍କ ହସ୍ତ ଦ୍ୱାରା ଦେଶ ଓ ତନ୍ମଧ୍ୟସ୍ଥ ଯାବତୀୟ ବିଷୟ ଧ୍ୱଂସ କରିବା; ଆମ୍ଭେ ସଦାପ୍ରଭୁ ଏହା କହିଅଛୁ ।
\s5
\v 13 ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; "ଆମ୍ଭେ ଦେବତାଗଣକୁ ହିଁ ବିନାଶ କରିବା ଓ ଆମ୍ଭେ ନୋଫରୁ ପ୍ରତିମାସକଳ ଶେଷ କରାଇବା, ପୁଣି, ମିସର ଦେଶରୁ ଆଉ ଅଧିପତି ଉତ୍ପନ୍ନ ନୋହିବ ଓ ଆମ୍ଭେ ମିସର ଦେଶରେ ଭୟ ଜନ୍ମାଇବା ।
\v 14 ପୁଣି, ଆମ୍ଭେ ପଥ୍ରୋଷକୁ ଧ୍ୱଂସ କରିବା ଓ ସୋୟନରେ ଅଗ୍ନି ଲଗାଇବା, ଆଉ ନୋ-ନଗରରେ ଦଣ୍ଡାଜ୍ଞା ସଫଳ କରିବା ।
\s5
\v 15 ପୁଣି, ଆମ୍ଭେ ମିସରର ଦୃଢ଼ ଦୁର୍ଗ ସୀନ ଉପରେ ଆପଣା କୋପ ଢାଳି ଦେବା ଓ ଆମ୍ଭେ ନୋ-ନଗରର ଲୋକାରଣ୍ୟକୁ ଉଚ୍ଛିନ୍ନ କରିବା ।
\v 16 ଆଉ, ଆମ୍ଭେ ମିସରରେ ଅଗ୍ନି ଲଗାଇବା; ସୀନ ମହାଯାତନାଗ୍ରସ୍ତ ହେବ ଓ ନୋ-ନଗର ଭଗ୍ନ ହେବ; ଆଉ, ଦିବସ ସମୟରେ ନୋଫର ବିପକ୍ଷମାନେ ଉତ୍ପାତ କରିବେ ।
\s5
\v 17 ଆବେନ ଓ ପୀବେଶହର ଯୁବାମାନେ ଖଡ଼୍‍ଗରେ ପତିତ ହେବେ ଓ ନଗରସବୁ ବନ୍ଦୀତ୍ୱ ସ୍ଥାନକୁ ଯିବେ ।
\v 18 ଆମ୍ଭେ ଯେତେବେଳେ ତଫନହେଷରେ ମିସରର ଯୁଆଳିସବୁ ଭାଙ୍ଗିବା ଓ ତାହାର ପରାକ୍ରମର ଦର୍ପ ତାହା ମଧ୍ୟରେ ଶେଷ ହେବ, ସେତେବେଳେ ସେଠାରେ ଦିବସ ଆପେ ଅପସରି ଯିବ; ଆଉ, ସେ ନିଜେ ମେଘାଚ୍ଛନ୍ନ ହେବ ଓ ତାହାର କନ୍ୟାଗଣ ବନ୍ଦୀତ୍ୱ ସ୍ଥାନକୁ ଯିବେ ।
\v 19 ଏହିରୂପେ ଆମ୍ଭେ ମିସରରେ ଦଣ୍ଡାଜ୍ଞା ସଫଳ କରିବା; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ ।"
\s5
\v 20 ଏଥିଉତ୍ତାରେ ଏକାଦଶ ବର୍ଷର ପ୍ରଥମ ମାସ, ମାସର ସପ୍ତମ ଦିନରେ ସଦାପ୍ରଭୁଙ୍କର ବାକ୍ୟ ମୋ' ନିକଟରେ ଉପସ୍ଥିତ ହେଲା ଏବଂ ସେ କହିଲେ,
\v 21 "ହେ ମନୁଷ୍ୟ-ସନ୍ତାନ, ଆମ୍ଭେ ମିସରର ରାଜା ଫାରୋର ବାହୁ ଭାଙ୍ଗିଅଛୁ; ଆଉ ଦେଖ, ଖଡ଼୍‍ଗ ଧରିବା ନିମନ୍ତେ ତାହା ଯେପରି ସବଳ ହେବ, ଏଥିପାଇଁ ସ୍ୱାସ୍ଥ୍ୟଜନକ ଔଷଧ ଦେଇ ପଟି ଲଗାଇ ତାହା ବନ୍ଧାଯାଇ ନାହିଁ ।"
\s5
\v 22 ଏହେତୁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, "ଦେଖ, ଆମ୍ଭେ ମିସରର ରାଜା ଫାରୋର ପ୍ରତିକୂଳ ଅଟୁ, ଆଉ ତାହାର ବଳବାନ ଓ ଭଗ୍ନ, ଉଭୟ ବାହୁ ଭାଙ୍ଗି ପକାଇବା ଓ ଆମ୍ଭେ ତାହାର ହସ୍ତରୁ ଖଡ଼୍‍ଗ ଖସାଇ ପକାଇବା ।
\v 23 ପୁଣି, ଆମ୍ଭେ ନାନା ଗୋଷ୍ଠୀ ମଧ୍ୟରେ ମିସ୍ରୀୟମାନଙ୍କୁ ଛିନ୍ନଭିନ୍ନ କରିବା ଓ ନାନା ଦେଶରେ ସେମାନଙ୍କୁ ବିକ୍ଷିପ୍ତ କରିବା ।
\v 24 ଆଉ, ଆମ୍ଭେ ବାବିଲ ରାଜାର ବାହୁଦ୍ୱୟ ସବଳ କରିବା ଓ ତାହା ହସ୍ତରେ ଆମ୍ଭର ଖଡ଼୍‍ଗ ଦେବା; ମାତ୍ର ଆମ୍ଭେ ଫାରୋର ବାହୁଦ୍ୱୟ ଭାଙ୍ଗି ପକାଇବା, ତହିଁରେ ସେ ପ୍ରାଣନାଶକ କ୍ଷତପ୍ରାପ୍ତ ଲୋକର କାତରୋକ୍ତି ତୁଲ୍ୟ କାତରୋକ୍ତି ତାହା ସାକ୍ଷାତରେ କରିବ ।
\s5
\v 25 ପୁଣି, ଆମ୍ଭେ ବାବିଲ ରାଜାର ବାହୁଦ୍ୱୟ ଟେକି ଧରିବା ଓ ଫାରୋର ବାହୁଦ୍ୱୟ ତଳକୁ ଓହଳି ପଡ଼ିବ; ଆଉ, ଆମ୍ଭେ ଯେତେବେଳେ ବାବିଲ ରାଜାର ହସ୍ତରେ ଆମ୍ଭର ଖଡ଼୍‍ଗ ଦେବା ଓ ସେ ମିସର ଦେଶ ବିରୁଦ୍ଧରେ ତାହା ବିସ୍ତାର କରିବ, ସେତେବେଳେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ ।
\v 26 ପୁଣି, ଆମ୍ଭେ ମିସ୍ରୀୟମାନଙ୍କୁ ନାନା ଗୋଷ୍ଠୀ ମଧ୍ୟରେ ଛିନ୍ନଭିନ୍ନ କରିବା ଓ ନାନା ଦେଶରେ ସେମାନଙ୍କୁ ବିକ୍ଷିପ୍ତ କରିବା; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ ।"
\s5
\c 31
\s ଫାରୋର ମୃତ୍ୟୁ
\p
\v 1 ଏଥିଉତ୍ତାରେ ଏକାଦଶ ବର୍ଷର ତୃତୀୟ ମାସର ପ୍ରଥମ ଦିନରେ ସଦାପ୍ରଭୁଙ୍କର ବାକ୍ୟ ମୋ' ନିକଟରେ ଉପସ୍ଥିତ ହେଲା, ଯଥା;
\v 2 "ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ମିସରର ରାଜା ଫାରୋକୁ ଓ ତାହାର ଲୋକମାନଙ୍କୁ କୁହ; ତୁମ୍ଭେ ଆପଣା ମହତ୍ତ୍ୱରେ କାହାର ତୁଲ୍ୟ ?
\s5
\v 3 ଦେଖ, ଅଶୂର ଲିବାନୋନସ୍ଥ ଏରସ ବୃକ୍ଷ ସ୍ୱରୂପ ଥିଲା, ତାହାର ସୁନ୍ଦର ଘନଚ୍ଛାୟାଦାୟକ ଓ ଉଚ୍ଚାକୃତି ଶାଖାମାନ ଥିଲା ଓ ତାହାର ଶିଖର ଗହଳିଆ ଡାଳ ମଧ୍ୟରେ ଥିଲା ।
\v 4 ଅପାର ଜଳ ତାହାକୁ ପୁଷ୍ଟ କଲା, ଜଳଧି ତାହାକୁ ବର୍ଦ୍ଧିତ କଲା; ତାହାର ସ୍ରୋତସମୂହ ତାହାର ରୋପଣ ସ୍ଥାନର ଚତୁର୍ଦ୍ଦିଗରେ ବହିଲା ଓ ସେ କ୍ଷେତ୍ରସ୍ଥ ବୃକ୍ଷସକଳର ନିକଟକୁ ଆପଣା ଜଳପ୍ରଣାଳୀ ପଠାଇଲା ।
\s5
\v 5 ଏ ସକାଶୁ କ୍ଷେତ୍ରସ୍ଥ ବୃକ୍ଷସକଳ ଅପେକ୍ଷା ସେ ଉଚ୍ଚୀକୃତ ହେଲା ଓ ତାହାର ଡାଳସବୁ ବହୁସଂଖ୍ୟକ ହେଲା; ଆଉ ସେ ଆପଣା ଶାଖା ମେଲିବା ବେଳେ ଅପାର ଜଳ ହେତୁ ସେହି ସବୁ ଦୀର୍ଘ ହେଲା ।
\v 6 ତାହାର ଡାଳରେ ଆକାଶର ପକ୍ଷୀସକଳ ବସା କଲେ ଓ ତାହାର ଶାଖା ତଳେ କ୍ଷେତ୍ରସ୍ଥ ପଶୁସକଳ ପ୍ରସବ କଲେ, ପୁଣି, ତାହାର ଛାୟା ତଳେ ମହାଗୋଷ୍ଠୀସବୁ ବାସ କଲେ ।
\v 7 ଏହି ପ୍ରକାରେ ସେ ଆପଣା ମହତ୍ତ୍ୱରେ, ତାହାର ଶାଖାସକଳର ଦୀର୍ଘତାରେ ମନୋହର ହେଲା; କାରଣ ପ୍ରଚୁର ଜଳ ନିକଟରେ ତାହାର ମୂଳ ଥିଲା ।
\s5
\v 8 ପରମେଶ୍ୱରଙ୍କ ଉଦ୍ୟାନସ୍ଥ ଏରସ ବୃକ୍ଷସବୁ ତାହାକୁ ଲୁଚାଇ ପାରିଲେ ନାହିଁ; ଦେବଦାରୁ ବୃକ୍ଷସବୁ ତାହାର ଡାଳ ପରି ଓ ଅର୍ମୋନ୍‍ ବୃକ୍ଷସବୁ ତାହାର ଶାଖା ପରି ନ ଥିଲେ, ଅଥବା ପରମେଶ୍ୱରଙ୍କ ଉଦ୍ୟାନସ୍ଥିତ କୌଣସି ବୃକ୍ଷ ସୌନ୍ଦର୍ଯ୍ୟରେ ତାହା ପରି ନ ଥିଲା ।
\v 9 ଆମ୍ଭେ ବହୁସଂଖ୍ୟକ ଶାଖା ଦ୍ୱାରା ତାକୁ ମନୋହର କଲୁ; ଏଥିପାଇଁ ପରମେଶ୍ୱରଙ୍କ ଉଦ୍ୟାନସ୍ଥିତ ଏଦନର ସକଳ ବୃକ୍ଷ ତାହାକୁ ଈର୍ଷା କଲେ ।"
\s5
\v 10 ଏହେତୁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; "ଦେଖ, ସେ ବୃକ୍ଷ ଦୀର୍ଘତାରେ ଉଚ୍ଚୀକୃତ ହୋଇଅଛି ଓ ଗହଳିଆ ଡାଳସମୂହ ମଧ୍ୟରେ ସେ ଆପଣା ଶିଖର ରଖିଅଛି, ଆଉ ଆପଣାର ଉଚ୍ଚତାରେ ତାହାର ଅନ୍ତଃକରଣ ଗର୍ବିତ ହୋଇଅଛି,
\v 11 ଏଥିପାଇଁ ଆମ୍ଭେ ତାହାକୁ ନାନା ଗୋଷ୍ଠୀ ମଧ୍ୟରେ ବଳବାନର ହସ୍ତରେ ସମର୍ପଣ କରିବା, ସେ ନିଶ୍ଚୟ ତାହା ସହିତ ଉଚିତ ବ୍ୟବହାର କରିବ, ଆମ୍ଭେ ତାହାର ଦୁଷ୍ଟତା ସକାଶୁ ତାହାକୁ ତଡ଼ି ଦେଇଅଛୁ ।
\s5
\v 12 ପୁଣି, ଗୋଷ୍ଠୀୟମାନଙ୍କ ମଧ୍ୟରେ ଭୟଙ୍କର ବିଦେଶୀମାନେ ତାହାକୁ କାଟି ପକାଇ ଛାଡ଼ି ଯାଇଅଛନ୍ତି; ପର୍ବତମାନଙ୍କ ଉପରେ ଓ ସକଳ ଉପତ୍ୟକାରେ ତାହାର ଶାଖାସବୁ ପଡ଼ିଅଛି, ଆଉ ଦେଶର ସକଳ ଜଳ-ପ୍ରବାହର ନିକଟରେ ତାହାର ଡାଳସବୁ ଭଙ୍ଗା ଯାଇଅଛି; ପୁଣି, ପୃଥିବୀସ୍ଥ ଯାବତୀୟ ଗୋଷ୍ଠୀ ତାହାର ଛାୟା ତଳୁ ଯାଇଅଛନ୍ତି ଓ ତାହାକୁ ତ୍ୟାଗ କରିଅଛନ୍ତି ।
\s5
\v 13 ଜଳରାଶିର ନିକଟବର୍ତ୍ତୀ ସକଳ ବୃକ୍ଷ ମଧ୍ୟରୁ କୌଣସି ବୃକ୍ଷ ଯେପରି ଆପଣା ଦୀର୍ଘତାରେ ଦର୍ପ ନ କରେ, କିଅବା ଗହଳିଆ ଡାଳମାନଙ୍କ ମଧ୍ୟରେ ଆପଣା ଶିଖର ନ ରଖେ, ଅଥବା ଜଳପାୟୀ ବିକ୍ରମୀସକଳ ଯେପରି ଆପଣା ଆପଣା ଉଚ୍ଚତାରେ ଠିଆ ନ ହୁଅନ୍ତି;
\v 14 ଏହି ଅଭିପ୍ରାୟରେ ତାହାର ଭଗ୍ନାବଶିଷ୍ଟାଂଶ ଉପରେ ଆକାଶର ପକ୍ଷସକଳ ବାସ କରିବେ ଓ କ୍ଷେତ୍ରସ୍ଥ ପଶୁସକଳ ତାହାର ଶାଖାମାନଙ୍କ ଉପରେ ରହିବେ; କାରଣ ମନୁଷ୍ୟ-ସନ୍ତାନଗଣ ମଧ୍ୟରେ ଗର୍ତ୍ତଗାମୀମାନଙ୍କ ସହିତ ସେମାନେ ସମସ୍ତେ ମୃତ୍ୟୁରେ ଅଧୋଭୁବନରେ ସମର୍ପିତ ହୋଇଅଛନ୍ତି ।"
\s5
\v 15 ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; "ସେ ପାତାଳକୁ ଓହ୍ଲାଇ ଯିବା ଦିନ ଆମ୍ଭେ ଶୋକ ନିରୂପଣ କଲୁ, ଆମ୍ଭେ ତାହା ସକାଶୁ ଜଳଧିକୁ ଆଚ୍ଛାଦିତ କଲୁ ଓ ଆମ୍ଭେ ତହିଁର ସ୍ରୋତସମୂହକୁ ନିବୃତ୍ତ କଲୁ, ତହିଁରେ ମହାଜଳରାଶି ରୁଦ୍ଧ ହେଲା; ପୁଣି, ଆମ୍ଭେ ତାହା ନିମନ୍ତେ ଲିବାନୋନକୁ ଶୋକ କରାଇଲୁ ଓ କ୍ଷେତ୍ରସ୍ଥ ବୃକ୍ଷସକଳ ତାହା ଲାଗି ମ୍ଳାନ ହେଲେ ।
\s5
\v 16 ଆମ୍ଭେ ତାହାକୁ ଗର୍ତ୍ତ ଅବରୋହଣକାରୀମାନଙ୍କ ସହିତ ପାତାଳକୁ ପକାଇ ଦେବା ବେଳେ, ତାହାର ପତନ ଶବ୍ଦରେ ଗୋଷ୍ଠୀୟମାନଙ୍କୁ କମ୍ପିତ କରାଇଲୁ; ପୁଣି, ଏଦନର, ଅର୍ଥାତ୍‍, ଲିବାନୋନର ମନୋନୀତ ଓ ସର୍ବୋତ୍ତମ ଜଳପାୟୀ ବୃକ୍ଷସକଳ ଅଧୋଭୁବନରେ ସାନ୍ତ୍ୱନା ପାଇଲେ ।
\s5
\v 17 ସେମାନେ ହିଁ ତାହା ସହିତ ପାତାଳକୁ, ଖଡ଼୍‍ଗରେ ହତ ଲୋକମାନଙ୍କ ନିକଟକୁ ଓହ୍ଲାଇ ଗଲେ; ହଁ, ସେମାନେ ତାହାର ବାହୁ ସ୍ୱରୂପ ହୋଇ ତାହାର ଛାୟା ତଳେ ଗୋଷ୍ଠୀୟମାନଙ୍କ ମଧ୍ୟରେ ବାସ କରିଥିଲେ ।
\v 18 ଏହିରୂପେ ତୁମ୍ଭେ ଐଶ୍ୱର୍ଯ୍ୟରେ ଓ ମହତ୍ତ୍ୱରେ ଏଦନସ୍ଥ ବୃକ୍ଷସମୂହର ମଧ୍ୟରେ କାହାର ତୁଲ୍ୟ ? ତଥାପି ତୁମ୍ଭେ ଏଦନସ୍ଥ ବୃକ୍ଷଗଣର ସହିତ ଅଧୋଭୁବନକୁ ଅଣାଯିବ; ତୁମ୍ଭେ ଅସୁନ୍ନତ ଲୋକମାନଙ୍କ ମଧ୍ୟରେ ଖଡ଼୍‍ଗହତ ଲୋକମାନଙ୍କ ସହିତ ଶୟନ କରିବ । ଏହି ଫାରୋ ଓ ତାହାର ସମସ୍ତ ଲୋକ ଏପରି ଅଟନ୍ତି," ଏହା ପ୍ରଭୁ, ସଦାପ୍ରଭୁ କହନ୍ତି ।
\s5
\c 32
\s ମିସର ରାଜା ଫାରୋ ନିମନ୍ତେ ବିଳାପ
\p
\v 1 ଏଥିଉତ୍ତାରେ ଦ୍ୱାଦଶ ବର୍ଷର ଦ୍ୱାଦଶ ମାସର ପ୍ରଥମ ଦିନରେ ସଦାପ୍ରଭୁଙ୍କର ବାକ୍ୟ ମୋ' ନିକଟରେ ଉପସ୍ଥିତ ହେଲା ଏବଂ ସେ କହିଲେ,
\v 2 "ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ମିସରର ରାଜା ଫାରୋ ନିମନ୍ତେ ବିଳାପ କର, ଆଉ ତାହାକୁ କୁହ, ତୁମ୍ଭେ ଗୋଷ୍ଠୀୟମାନଙ୍କର ଯୁବା ସିଂହ ସଙ୍ଗେ ତୁଳନା କରାଯାଇଥିଲ, ତଥାପି ତୁମ୍ଭେ ଜଳଚର କୁମ୍ଭୀର ସଦୃଶ ଅଟ; ପୁଣି, ତୁମ୍ଭେ ଆପଣା ନଦୀସମୂହର ଜଳ ଅତିକ୍ରମ କରି ଓ ଆପଣା ପାଦରେ ଜଳ ହଲାଇ ସେମାନଙ୍କର ନଦୀସମୂହକୁ ଗୋଳିଆ କରିଅଛ ।"
\s5
\v 3 ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି: "ଆମ୍ଭେ ଅନେକ ଗୋଷ୍ଠୀର ଏକ ସମାଜ ନେଇ ତୁମ୍ଭ ଉପରେ ଆମ୍ଭ ଜାଲ ପ୍ରସାରିବା ଓ ସେମାନେ ଆମ୍ଭ ଜାଲରେ ତୁମ୍ଭକୁ ଉପରକୁ ଆଣିବେ ।
\v 4 ପୁଣି, ଆମ୍ଭେ ତୁମ୍ଭକୁ ସ୍ଥଳରେ ଛାଡ଼ି ଦେବା, ଆମ୍ଭେ ତୁମ୍ଭକୁ ପଦାରେ ପକାଇ ଦେବା ଓ ଆକାଶର ପକ୍ଷସକଳକୁ ତୁମ୍ଭ ଉପରେ ବସାଇବା ଓ ସମୁଦାୟ ପୃଥିବୀର ପଶୁଗଣକୁ ତୁମ୍ଭ ଦ୍ୱାରା ତୃପ୍ତ କରାଇବା ।
\s5
\v 5 ଆମ୍ଭେ ପର୍ବତଗଣର ଉପରେ ତୁମ୍ଭର ମାଂସ ପକାଇବା ଓ ତୁମ୍ଭର ଦୀର୍ଘ ଶବରେ ଉପତ୍ୟକାସକଳ ପୂର୍ଣ୍ଣ କରିବା ।
\v 6 ଆହୁରି, ତୁମ୍ଭେ ଯେଉଁ ଦେଶରେ ପହଁରୁଅଛ, ସେହି ଦେଶକୁ ପର୍ବତ ପର୍ଯ୍ୟନ୍ତ ହିଁ ଆମ୍ଭେ ତୁମ୍ଭ ରକ୍ତରେ ସିକ୍ତ କରିବା ଓ ଜଳପ୍ରଣାଳୀସକଳ ତୁମ୍ଭ ରକ୍ତରେ ପରିପୂର୍ଣ୍ଣ ହେବ ।
\s5
\v 7 ପୁଣି, ଆମ୍ଭେ ତୁମ୍ଭକୁ ନିର୍ବାଣ କରିବା ସମୟରେ ଆକାଶକୁ ଆଚ୍ଛନ୍ନ କରିବା ଓ ତହିଁର ନକ୍ଷତ୍ରଗଣକୁ ଅନ୍ଧକାରମୟ କରିବା; ଆମ୍ଭେ ସୂର୍ଯ୍ୟକୁ ମେଘାଚ୍ଛନ୍ନ କରିବା ଓ ଚନ୍ଦ୍ର ଆପଣାର ଜ୍ୟୋତ୍ସ୍ନା ଦେବ ନାହିଁ ।
\v 8 ଆକାଶର ସକଳ ଉଜ୍ଜ୍ୱଳ ଜ୍ୟୋତିକୁ ଆମ୍ଭେ ତୁମ୍ଭ ଉପରେ ଅନ୍ଧକାରମୟ କରିବା ଓ ତୁମ୍ଭ ଦେଶ ଉପରେ ଅନ୍ଧକାର ସ୍ଥାପନ କରିବା," ଏହା ପ୍ରଭୁ, ସଦାପ୍ରଭୁ କହନ୍ତି ।
\s5
\v 9 "ଆହୁରି ଆମ୍ଭେ ତୁମ୍ଭର ଅଜ୍ଞାତ ଦେଶସମୂହ ପର୍ଯ୍ୟନ୍ତ ନାନା ଦେଶୀୟମାନଙ୍କ ମଧ୍ୟରେ ତୁମ୍ଭର ବିନାଶ ଘଟାଇବା ବେଳେ ଅନେକ ଗୋଷ୍ଠୀର ହୃଦୟ ବ୍ୟସ୍ତ କରିବା ।
\v 10 ହଁ, ଆମ୍ଭେ ଅନେକ ଗୋଷ୍ଠୀକୁ ତୁମ୍ଭର ବିଷୟରେ ଚମତ୍କୃତ କରାଇବା, ଆଉ ସେମାନଙ୍କ ରାଜାଗଣର ସାକ୍ଷାତରେ ଆମ୍ଭେ ଆପଣା ଖଡ଼୍‍ଗ ଚଳାଇବା ବେଳେ ସେମାନେ ଅତିଶୟ ଭୀତ ହେବେ; ଆଉ, ତୁମ୍ଭର ପତନ ଦିନ ସେମାନେ ପ୍ରତ୍ୟେକେ ଆପଣା ଆପଣା ପ୍ରାଣ ବିଷୟରେ ଭୟରେ କମ୍ପିତ ହେବେ ।"
\s5
\v 11 କାରଣ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି : "ବାବିଲ ରାଜାର ଖଡ଼୍‍ଗ ତୁମ୍ଭକୁ ଆକ୍ରମଣ କରିବ ।
\v 12 ଆମ୍ଭେ ତୁମ୍ଭର ଲୋକସମସ୍ତଙ୍କୁୁ ବୀରଗଣର ଖଡ଼୍‍ଗ ଦ୍ୱାରା ନିପାତ କରିବା; ସେମାନେ ସମସ୍ତେ ଗୋଷ୍ଠୀଗଣ ମଧ୍ୟରେ ଭୟଙ୍କର ଅଟନ୍ତି; ଆଉ, ସେମାନେ ମିସରର ଗର୍ବ ଚୂର୍ଣ୍ଣ କରିବେ ଓ ତହିଁର ଲୋକ ସମସ୍ତେ ବିନଷ୍ଟ ହେବେ ।
\s5
\v 13 ଆହୁରି, ଆମ୍ଭେ ଅପାର ଜଳ ନିକଟରୁ ତହିଁର ସମସ୍ତ ପଶୁ ବିନାଶ କରିବା; ତହିଁରେ ମନୁଷ୍ୟର ଚରଣ ତାହା ଆଉ ହଲାଇବ ନାହିଁ, ଅବା ପଶୁଗଣର ଖୁରା ତାହା ଚହଲାଇବ ନାହିଁ ।
\v 14 ସେତେବେଳେ ଆମ୍ଭେ ସେମାନଙ୍କର ଜଳ ନିର୍ମଳ କରିବା ଓ ସେମାନଙ୍କର ନଦୀସମୂହକୁ ତୈଳ ପରି ବହାଇବା," ଏହା ପ୍ରଭୁ, ସଦାପ୍ରଭୁ କହନ୍ତି ।
\s5
\v 15 "ଯେତେବେଳେ ଆମ୍ଭେ ମିସର ଦେଶକୁ ଧ୍ୱଂସସ୍ଥାନ ଓ ଶୂନ୍ୟ କରିବା, ଯହିଁରେ ସେ ପରିପୂର୍ଣ୍ଣ ହୋଇଥିଲା, ସେହି ସବୁ ତହିଁରୁ ରହିତ କରିବା, ଯେତେବେଳେ ଆମ୍ଭେ ତନ୍ନିବାସୀ ସମସ୍ତଙ୍କୁ ଆଘାତ କରିବା, ସେତେବେଳେ ଆମ୍ଭେ ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ ।
\v 16 ଏହି ବିଳାପ ଗୀତ ଲୋକେ ଗାନ କରିବେ; ଗୋଷ୍ଠୀୟମାନଙ୍କର କନ୍ୟାଗଣ ବିଳାପ କରି ଏହା ଗାନ କରିବେ; ମିସରର ଉଦ୍ଦେଶ୍ୟରେ ଓ ତାହାର ସକଳ ଲୋକାରଣ୍ୟର ଉଦ୍ଦେଶ୍ୟରେ ବିଳାପ କରି ଗାନ କରିବେ" ଏହା ପ୍ରଭୁ, ସଦାପ୍ରଭୁ କହନ୍ତି ।
\s5
\v 17 ଦ୍ୱାଦଶ ମାସର ପଞ୍ଚଦଶ ଦିନରେ ସଦାପ୍ରଭୁଙ୍କର ବାକ୍ୟ ମୋ' ନିକଟରେ ଉପସ୍ଥିତ ହେଲା ଏବଂ ସେ କହିଲେ,
\v 18 "ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ମିସରର ଲୋକମାନଙ୍କ ବିଷୟରେ ହାହାକାର କର, ପୁଣି, ସେମାନଙ୍କୁ, ଅର୍ଥାତ୍‍, ତାହାକୁ ଓ ବିଖ୍ୟାତ ଗୋଷ୍ଠୀୟମାନଙ୍କର କନ୍ୟାଗଣକୁ ଗର୍ତ୍ତଗାମୀମାନଙ୍କ ସହିତ ଅଧୋଭୁବନରେ ପକାଇ ଦିଅ ।
\s5
\v 19 ତୁମ୍ଭେ ସୌନ୍ଦର୍ଯ୍ୟରେ କାହା ଅପେକ୍ଷା ଅଧିକ ? ତଳକୁ ଯାଅ ଓ ଅସୁନ୍ନତ ଲୋକମାନଙ୍କ ସହିତ ଶୟନ କର ।
\v 20 ସେମାନେ ଖଡ଼୍‍ଗ ଦ୍ୱାରା ହତ ଲୋକମାନଙ୍କ ମଧ୍ୟରେ ପତିତ ହେବେ; ସେ ଖଡ଼୍‍ଗରେ ସମର୍ପିତ ହୋଇଅଛି; ତାହାକୁ ଓ ତାହାର ସମସ୍ତ ଲୋକଙ୍କୁ ଟାଣି ନିଅ ।
\v 21 ବୀରଗଣ ମଧ୍ୟରେ ବଳବାନମାନେ ପାତାଳ ମଧ୍ୟରୁ ତାହାକୁ ଓ ତାହାର ସହାୟକାରୀମାନଙ୍କୁ କଥା କହିବେ; ସେମାନେ, ଅର୍ଥାତ୍‍, ଖଡ଼୍‍ଗ ଦ୍ୱାରା ହତ ଅସୁନ୍ନତ ଲୋକମାନେ ଓହ୍ଲାଇ ଯାଇଅଛନ୍ତି; ସେମାନେ ସ୍ଥିର ହୋଇ ଶୟନ କରନ୍ତି ।
\s5
\v 22 ଅଶୂର ଓ ତାହାର ସମସ୍ତ ଜନସମାଜ ସେଠାରେ ଅଛନ୍ତି; ତାହାର କବରସକଳ ତାହାର ଚତୁର୍ଦ୍ଦିଗରେ ଅଛି; ସେମାନେ ସମସ୍ତେ ହତ, ଖଡ଼୍‍ଗ ଦ୍ୱାରା ପତିତ ହୋଇଅଛନ୍ତି;
\v 23 ଗର୍ତ୍ତର ଶେଷ ସୀମାରେ ସେମାନଙ୍କୁ କବର ଦିଆଯାଇଅଛି ଓ ତାହାର ଜନସମାଜ ତାହାର କବରର ଚତୁର୍ଦ୍ଦିଗରେ ଅଛି; ଯେଉଁମାନେ ଜୀବିତମାନଙ୍କ ଦେଶରେ ଭୟ ଜନ୍ମାଇଲେ ସେମାନେ ସମସ୍ତେ ହତ, ଖଡ଼୍‍ଗ ଦ୍ୱାରା ପତିତ ହୋଇଅଛନ୍ତି ।
\s5
\v 24 ସେହି ସ୍ଥାନରେ ଏଲମ ଓ ତାହାର କବରର ଚତୁର୍ଦ୍ଦିଗରେ ତାହାର ସମସ୍ତ ଲୋକାରଣ୍ୟ ଅଛି; ଯେଉଁମାନେ ଜୀବିତମାନଙ୍କ ଦେଶରେ ଭୟ ଜନ୍ମାଇଲେ, ସେମାନେ ସମସ୍ତେ ହତ, ଖଡ଼୍‍ଗ ଦ୍ୱାରା ପତିତ ହୋଇ ଅସୁନ୍ନତ ଅବସ୍ଥାରେ ଅଧୋଭୁବନକୁ ଓହ୍ଲାଇ ଯାଇଅଛନ୍ତି ଓ ଗର୍ତ୍ତଗାମୀମାନଙ୍କ ସହିତ ଆପଣାମାନଙ୍କ ଅପମାନ ଭୋଗ କରିଅଛନ୍ତି ।
\v 25 ହତ ଲୋକମାନଙ୍କ ମଧ୍ୟରେ ସେମାନେ ତାହାର ଓ ତାହା ସହିତ ତାହାର ସମସ୍ତ ଜନସମାଜର ଶଯ୍ୟା ପାତିଅଛନ୍ତି, ତାହାର ଚତୁର୍ଦ୍ଦିଗରେ ତାହାର କବରସବୁ ଅଛି; ସେମାନେ ସମସ୍ତେ ଅସୁନ୍ନତ ଅବସ୍ଥାରେ ଖଡ଼୍‍ଗ ଦ୍ୱାରା ପତିତ ହୋଇଅଛନ୍ତି; କାରଣ ସେମାନେ ଜୀବିତମାନଙ୍କ ଦେଶରେ ଭୟ ଜନ୍ମାଇ ଥିଲେ, ଏବେ ଗର୍ତ୍ତଗାମୀମାନଙ୍କ ସହିତ ଆପଣାମାନଙ୍କର ଅପମାନ ଭୋଗ କରିଅଛନ୍ତି; ସେ ହତ ଲୋକମାନଙ୍କ ମଧ୍ୟରେ ରଖା ଯାଇଅଛି ।
\s5
\v 26 ସେହି ସ୍ଥାନରେ ମେଶକ୍‍, ତୁବଲ୍‍ ଓ ତାହାର ସମସ୍ତ ଜନସମାଜ ଅଛନ୍ତି; ତାହାର ଚତୁର୍ଦ୍ଦିଗରେ ତାହାର କବରସବୁ ଅଛି; ସେମାନେ ସମସ୍ତେ ଅସୁନ୍ନତ ଅବସ୍ଥାରେ ଖଡ଼୍‍ଗ ଦ୍ୱାରା ପତିତ ହେଲେ; କାରଣ ସେମାନେ ଜୀବିତ ଲୋକମାନଙ୍କ ଦେଶରେ ଭୟ ଜନ୍ମାଇଥିଲେ ।
\v 27 ପୁଣି, ଅସୁନ୍ନତ ଲୋକମାନଙ୍କ ମଧ୍ୟରୁ ଯେଉଁ ବୀରମାନେ ପତିତ ହୋଇଅଛନ୍ତି, ଯେଉଁମାନେ ଆପଣା ଆପଣା ଯୁଦ୍ଧାସ୍ତ୍ର ସହିତ ପାତାଳକୁ ଓହ୍ଲାଇ ଯାଇଅଛନ୍ତି ଓ ଆପଣା ଆପଣା ଖଡ଼୍‍ଗ ଆପଣା ଆପଣା ମସ୍ତକର ତଳେ ରଖିଅଛନ୍ତି ଓ ସେମାନଙ୍କ ଅଧର୍ମ ସେମାନଙ୍କ ଅସ୍ଥି ଉପରେ ଅଛି, ସେମାନଙ୍କ ସହିତ ଏମାନେ ଶୟନ କରିବେ ନାହିଁ; କାରଣ ସେମାନେ ଜୀବିତମାନଙ୍କ ଦେଶରେ ବୀରଗଣର ପ୍ରତି ଭୟର ବିଷୟ ହୋଇଥିଲେ ।
\s5
\v 28 ମାତ୍ର ତୁମ୍ଭେ ଅସୁନ୍ନତମାନଙ୍କ ମଧ୍ୟରେ ଭଗ୍ନ ହେବ ଓ ଖଡ଼୍‍ଗ ଦ୍ୱାରା ହତ ଲୋକମାନଙ୍କ ସହିତ ଶୟନ କରିବ ।
\v 29 ସେହି ସ୍ଥାନରେ ଇଦୋମ, ତାହାର ରାଜାଗଣ ଓ ତାହାର ଅଧିପତିସକଳ ଅଛନ୍ତି, ସେମାନେ ଆପଣାମାନଙ୍କର ପରାକ୍ରମରେ ଖଡ଼୍‍ଗ ଦ୍ୱାରା ହତ ଲୋକମାନଙ୍କ ସହିତ ରଖା ଯାଇଅଛନ୍ତି; ସେମାନେ ଅସୁନ୍ନତ ଲୋକମାନଙ୍କ ଓ ଗର୍ତ୍ତଗାମୀମାନଙ୍କ ସହିତ ଶୟନ କରିବେ ।
\s5
\v 30 ସେହି ସ୍ଥାନରେ ଉତ୍ତର ଦେଶୀୟ ଅଧିପତିମାନେ, ସେମାନଙ୍କର ସମସ୍ତେ ଓ ଯାବତୀୟ ସୀଦୋନୀୟ ଲୋକ ଅଛନ୍ତି, ସେମାନେ ହତ ଲୋକମାନଙ୍କ ସହିତ ଓହ୍ଲାଇ ଯାଇଅଛନ୍ତି; ସେମାନେ ଆପଣାମାନଙ୍କର ପରାକ୍ରମ ଦ୍ୱାରା ଯେଉଁ ଭୟ ଜନ୍ମାଇଲେ, ତହିଁ ବିଷୟରେ ଲଜ୍ଜିତ ହୋଇଅଛନ୍ତି; ଆଉ, ଅସୁନ୍ନତ ଅବସ୍ଥାରେ ସେମାନେ ଖଡ଼୍‍ଗ ଦ୍ୱାରା ହତ ଲୋକମାନଙ୍କ ସହିତ ଶୟନ କରନ୍ତି ଓ ଗର୍ତ୍ତଗାମୀମାନଙ୍କ ସହିତ ଆପଣାମାନଙ୍କର ଅପମାନ ଭୋଗ କରନ୍ତି ।
\s5
\v 31 ଫାରୋ ସେମାନଙ୍କୁ ଦେଖିବ ଓ ଆପଣାର ଲୋକାରଣ୍ୟ ସମସ୍ତର ବିଷୟରେ ସାନ୍ତ୍ୱନା ପାଇବ; ହଁ, ଫାରୋ ଓ ତାହାର ସମସ୍ତ ସୈନ୍ୟ ଖଡ଼୍‍ଗ ଦ୍ୱାରା ହତ ହୋଇଅଛନ୍ତି," ଏହା ପ୍ରଭୁ, ସଦାପ୍ରଭୁ କହନ୍ତି ।
\v 32 "କାରଣ ଆମ୍ଭେ ଜୀବିତମାନଙ୍କ ଦେଶରେ ତାହା ବିଷୟରେ ଭୟ ଜନ୍ମାଇଅଛୁ; ଆଉ ସେ, ଅର୍ଥାତ୍‍, ଫାରୋ ଓ ତାହାର ଲୋକାରଣ୍ୟ ସମସ୍ତେ ଖଡ଼୍‍ଗ ଦ୍ୱାରା ହତ ଲୋକମାନଙ୍କ ସହିତ ଅସୁନ୍ନତ ଲୋକମାନଙ୍କ ମଧ୍ୟରେ ରଖାଯିବେ," ଏହା ପ୍ରଭୁ, ସଦାପ୍ରଭୁ କହନ୍ତି ।
\s5
\c 33
\s ଯିହିଜିକଲ ଇସ୍ରାଏଲର ପ୍ରହରୀ
\p
\v 1 ଏଥିଉତ୍ତାରେ ସଦାପ୍ରଭୁଙ୍କର ବାକ୍ୟ ମୋ' ନିକଟରେ ଉପସ୍ଥିତ ହେଲା, ଯଥା;
\v 2 "ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଆପଣା ଲୋକମାନଙ୍କର ସନ୍ତାନଗଣକୁ କୁହ ଓ ସେମାନଙ୍କୁ କୁହ, ଆମ୍ଭେ କୌଣସି ଦେଶ ବିରୁଦ୍ଧରେ ଖଡ଼୍‍ଗ ଆଣିଲେ, ସେ ଦେଶର ଲୋକମାନେ ଯଦି ଆପଣାମାନଙ୍କ ମଧ୍ୟରୁ କୌଣସି ଏକ ବ୍ୟକ୍ତିକୁ ନେଇ ତାହାକୁ ଆପଣାମାନଙ୍କର ପ୍ରହରୀ କରି ନିଯୁକ୍ତ କରନ୍ତି;
\v 3 ସେହି ବ୍ୟକ୍ତି ଦେଶ ବିରୁଦ୍ଧରେ ଖଡ଼୍‍ଗ ଆସିବାର ଦେଖିଲେ, ଯଦି ତୂରୀ ବଜାଏ ଓ ଲୋକମାନଙ୍କୁ ସଚେତନ କରାଏ;
\v 4 ତେବେ ଯେକେହି ତହିଁରେ ତୂରୀର ଶବ୍ଦ ଶୁଣି ସଚେତନ ନ ହୁଏ, ପୁଣି, ଖଡ଼୍‍ଗ ଉପସ୍ଥିତ ହୋଇ ତାହାକୁ ସଂହାର କରେ, ତେବେ ତାହାର ରକ୍ତ ତାହାର ନିଜ ମସ୍ତକରେ ବର୍ତ୍ତିବ ।
\s5
\v 5 ସେ ତୂରୀର ଶବ୍ଦ ଶୁଣି ସଚେତନ ହେଲା ନାହିଁ; ତାହାର ରକ୍ତ ତାହାରି ଉପରେ ବର୍ତ୍ତିବ; ଯେହେତୁ ସେ ସଚେତନ ହୋଇଥିଲେ, ଆପଣା ପ୍ରାଣ ବଞ୍ଚାଇ ଥା'ନ୍ତା ।
\v 6 ମାତ୍ର ସେ ପ୍ରହରୀ ଯଦି ଖଡ଼୍‍ଗ ଆସିବାର ଦେଖି ତୂରୀ ନ ବଜାଏ, ପୁଣି, ଲୋକମାନେ ସଚେତନ ନ ହୁଅନ୍ତି, ଆଉ ଖଡ଼୍‍ଗ ଆସି ସେମାନଙ୍କ ମଧ୍ୟରୁ କୌଣସି ଲୋକକୁ ସଂହାର କରେ; ତେବେ ସେ ନିଜ ଅଧର୍ମରେ ସଂହାରିତ ହେଲା, ମାତ୍ର ଆମ୍ଭେ ତାହାର ରକ୍ତର ପରିଶୋଧ ସେହି ପ୍ରହରୀର ହସ୍ତରୁ ନେବା ।
\s5
\v 7 ଏହିରୂପେ ହେ ମନୁଷ୍ୟ-ସନ୍ତାନ, ଆମ୍ଭେ ତୁମ୍ଭକୁ ଇସ୍ରାଏଲ ବଂଶର ପ୍ରହରୀ କରି ନିଯୁକ୍ତ କରିଅଛୁ; ଏହେତୁ ତୁମ୍ଭେ ଆମ୍ଭ ମୁଖରୁ ବାକ୍ୟ ଶୁଣି ଆମ୍ଭ ପକ୍ଷରୁ ସେମାନଙ୍କୁ ସଚେତନ କର ।
\v 8 ଆମ୍ଭେ ଯେତେବେଳେ ଦୁଷ୍ଟକୁ କହୁ, ହେ ଦୁଷ୍ଟ ଲୋକ, ତୁମ୍ଭେ ନିଶ୍ଚୟ ମରିବ, ସେତେବେଳେ ତୁମ୍ଭେ ତାହାର ପଥ ବିଷୟରେ ସେହି ଦୁଷ୍ଟ ଲୋକକୁ ସଚେତନ କରିବା ପାଇଁ ଯଦି କିଛି ନ କୁହ; ତେବେ ସେହି ଦୁଷ୍ଟ ନିଜ ଅଧର୍ମରେ ମରିବ; ମାତ୍ର ଆମ୍ଭେ ତୁମ୍ଭ ହସ୍ତରୁ ତାହାର ରକ୍ତର ପରିଶୋଧ ନେବା ।
\v 9 ତଥାପି ତୁମ୍ଭେ ସେହି ଦୁଷ୍ଟକୁ ତାହାର ପଥରୁ ଫେରିବା ନିମନ୍ତେ ତଦ୍‍ବିଷୟରେ ସଚେତନ କଲେ, ଯଦି ସେ ନ ଫେରେ, ତେବେ ସେ ନିଜ ଅଧର୍ମରେ ମରିବ, ମାତ୍ର ତୁମ୍ଭେ ଆପଣା ପ୍ରାଣ ବଞ୍ଚାଇବ ।
\s ବ୍ୟକ୍ତିଗତ ଦାୟିତ୍ୱ
\p
\s5
\v 10 ଆଉ, ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଇସ୍ରାଏଲ ବଂଶକୁ କୁହ; ତୁମ୍ଭେମାନେ ଏପ୍ରକାର କହୁଅଛ, ଆମ୍ଭମାନଙ୍କର ଆଜ୍ଞା ଲଙ୍ଘନ ଓ ଆମ୍ଭମାନଙ୍କର ପାପର ଭାର ଆମ୍ଭମାନଙ୍କ ଉପରେ ଅଛି ଓ ଆମ୍ଭେମାନେ ତହିଁରେ ହିଁ କ୍ଷୟ ପାଉଅଛୁ; ତେବେ ଆମ୍ଭେମାନେ କିପରି କରି ବଞ୍ଚିବା ?
\v 11 ସେମାନଙ୍କୁ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ଆମ୍ଭେ ଜୀବିତ ଥିବା ପ୍ରମାଣେ ଦୁଷ୍ଟର ମରଣରେ ଆମ୍ଭର ସନ୍ତୋଷ ନାହିଁ, ମାତ୍ର ଦୁଷ୍ଟ ଯେପରି ଫେରି ବଞ୍ଚେ, ଏଥିରେ ହିଁ ଆମ୍ଭର ସନ୍ତୋଷ ଅଛି; ତୁମ୍ଭେମାନେ ଫେର, ଆପଣା ଆପଣା କୁପଥରୁ ଫେର; କାରଣ ହେ ଇସ୍ରାଏଲ ବଂଶ, ତୁମ୍ଭେମାନେ କାହିଁକି ମରିବ ?
\s5
\v 12 ପୁଣି, ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଆପଣା ଲୋକଙ୍କ ସନ୍ତାନଗଣକୁ କୁହ, ଧାର୍ମିକର ଧାର୍ମିକତା ତାହାର ଆଜ୍ଞା ଲଘଂନ କରିବା ଦିନ ତାହାକୁ ରକ୍ଷା କରିବ ନାହିଁ ଓ ଯେଉଁ ଦିନ ଦୁଷ୍ଟ ଲୋକ ଆପଣା ଦୁଷ୍ଟତାରୁ ଫେରେ, ସେହି ଦିନ ସେ ଆପଣା ଦୁଷ୍ଟତା ଦ୍ୱାରା ପତିତ ହେବ ନାହିଁ; କିଅବା ଧାର୍ମିକ ଲୋକ ଯେଉଁ ଦିନ ପାପ କରେ, ସେହି ଦିନ ସେ ଆପଣା ଧାର୍ମିକତା ଦ୍ୱାରା ବଞ୍ଚି ପାରିବ ନାହିଁ ।
\v 13 ସେ ଅବଶ୍ୟ ବଞ୍ଚିବ, ଏହି କଥା ଆମ୍ଭେ ଧାର୍ମିକକୁ କହିଲେ, ସେ ଯଦି ଆପଣା ଧର୍ମରେ ନିର୍ଭର ରଖି ଅଧର୍ମ କରେ, ତେବେ ତାହାର କୌଣସି ଧର୍ମକର୍ମ ସ୍ମରଣ କରାଯିବ ନାହିଁ, ମାତ୍ର ସେ ଯେଉଁ ଅଧର୍ମ କରିଅଛି, "ତହିଁରେ ହିଁ ସେ ମରିବ ।"
\s5
\v 14 ପୁନଶ୍ଚ "ତୁମ୍ଭେ ଅବଶ୍ୟ ମରିବ," ଏହି କଥା ଆମ୍ଭେ ଦୁଷ୍ଟ ଲୋକକୁ କହିଲେ, ସେ ଯଦି ଆପଣା ପାପରୁ ଫେରି ନ୍ୟାୟ ଓ ଧର୍ମାଚରଣ କରେ;
\v 15 ସେହି ଦୁଷ୍ଟ ଲୋକ ଯଦି ବନ୍ଧକି ଦ୍ରବ୍ୟ ଫେରାଇ ଦିଏ, ସେ ଯାହା ଅପହରଣ କରିଥିଲା, ତାହା ପରିଶୋଧ କରେ, କୌଣସି ଅଧର୍ମ ନ କରି ଜୀବନଦାୟକ ବିଧିରୂପ ପଥରେ ଚାଲେ; ତେବେ ସେ ଅବଶ୍ୟ ବଞ୍ଚିବ, ସେ ମରିବ ନାହିଁ ।
\v 16 ତାହାର କୃତ କୌଣସି ପାପ ତାହା ବିରୁଦ୍ଧରେ ସ୍ମରଣ କରାଯିବ ନାହିଁ; ସେ ନ୍ୟାୟ ଓ ଧର୍ମାଚରଣ କରିଅଛି; ସେ ଅବଶ୍ୟ ବଞ୍ଚିବ ।
\s5
\v 17 ତଥାପି ତୁମ୍ଭ ଲୋକଙ୍କର ସନ୍ତାନଗଣ କହୁଅଛନ୍ତି, ପ୍ରଭୁଙ୍କର ପଥ ସରଳ ନୁହେଁ; ମାତ୍ର ପ୍ରକୃତରେ ସେମାନଙ୍କର ପଥ ସରଳ ନୁହେଁ ।
\v 18 ଧାର୍ମିକ ଲୋକ ଆପଣା ଧାର୍ମିକତାରୁ ଫେରି ଅଧର୍ମ କଲେ, ସେ ତହିଁରେ ହିଁ ମରିବ ।
\v 19 ପୁଣି, ଦୁଷ୍ଟ ଲୋକ ଆପଣା ଦୁଷ୍ଟତାରୁ ଫେରି ନ୍ୟାୟ ଓ ଧର୍ମାଚରଣ କଲେ, ସେ ତହିଁରେ ବଞ୍ଚିବ ।
\v 20 ତଥାପି ତୁମ୍ଭେମାନେ କହୁଅଛ, "ପ୍ରଭୁଙ୍କର ପଥ ସରଳ ନୁହେଁ । ହେ ଇସ୍ରାଏଲ ବଂଶ, ଆମ୍ଭେ ତୁମ୍ଭମାନଙ୍କର ପ୍ରତ୍ୟେକ ଲୋକକୁ ତାହାର ଆଚାର ବ୍ୟବହାର ଅନୁସାରେ ବିଚାର କରିବା ।"
\s ଯିରୂଶାଲମ ପତନର ସମ୍ବାଦ
\p
\s5
\v 21 ଏଥିଉତ୍ତାରେ ଆମ୍ଭମାନଙ୍କ ନିର୍ବାସନର ଦ୍ୱାଦଶ ବର୍ଷର ଦଶମ ମାସର ପଞ୍ଚମ ଦିନରେ ଯିରୂଶାଲମରୁ ପଳାତକ ଏକଜଣ ମୋ' ନିକଟକୁ ଆସି କହିଲା, "ନଗର ପରାଜିତ ହୋଇଅଛି ।"
\v 22 ସେହି ପଳାତକ ଆସିବାର ପୂର୍ବେ ସନ୍ଧ୍ୟା ସମୟରେ ସଦାପ୍ରଭୁଙ୍କର ହସ୍ତ ମୋ' ଉପରେ ଥିଲା; ଆଉ, ପ୍ରାତଃକାଳରେ ସେ ପଳାତକ ଆସିବା ପର୍ଯ୍ୟନ୍ତ ସେ ମୋର ମୁଖ ଫିଟାଇଥିଲେ; ତେବେଠାରୁ ମୋର ମୁଖ ଫିଟା ରହିଲା ଓ ଆଉ ମୁଁ ଘୁଙ୍ଗା ହୋଇ ରହିଲି ନାହିଁ ।
\s5
\v 23 ଏଉତ୍ତାରେ ସଦାପ୍ରଭୁଙ୍କର ବାକ୍ୟ ମୋ' ନିକଟରେ ଉପସ୍ଥିତ ହେଲା, ଯଥା;
\v 24 "ହେ ମନୁଷ୍ୟ-ସନ୍ତାନ, ଯେଉଁମାନେ ଇସ୍ରାଏଲ ଦେଶର, ସେହି ସକଳ ଉତ୍ସନ୍ନ ସ୍ଥାନରେ ବାସ କରନ୍ତି, ସେମାନେ କହୁଅଛନ୍ତି, ଅବ୍ରହାମ ଏକମାତ୍ର ଥିଲେ, ଆଉ ସେ ଦେଶ ଅଧିକାର କଲେ; ମାତ୍ର ଆମ୍ଭେମାନେ ଅନେକ ଲୋକ; ଆମ୍ଭମାନଙ୍କୁ ଏହି ଦେଶ ଅଧିକାରାର୍ଥେ ଦତ୍ତ ହୋଇଅଛି ।
\s5
\v 25 ଏଥିପାଇଁ ସେମାନଙ୍କୁ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭେମାନେ ରକ୍ତ ସହିତ ମାଂସ ଖାଉଅଛ ଓ ଆପଣା ଆପଣା ପ୍ରତିମାଗଣ ପ୍ରତି ଦୃଷ୍ଟି ଟେକୁଅଛ ଓ ରକ୍ତପାତ କରୁଅଛ; ଆଉ, ତୁମ୍ଭେମାନେ କି ଦେଶ ଅଧିକାର କରିବ ?
\v 26 ତୁମ୍ଭେମାନେ ଆପଣା ଆପଣା ଖଡ଼୍‍ଗରେ ନିର୍ଭର କରୁଅଛ ଓ ଘୃଣାଯୋଗ୍ୟ କର୍ମ କରୁଅଛ ଓ ପ୍ରତ୍ୟେକେ ଆପଣା ଆପଣା ପ୍ରତିବାସୀର ଭାର୍ଯ୍ୟାକୁ ଅଶୁଚି କରୁଅଛ, ଆଉ ତୁମ୍ଭେମାନେ କି ଦେଶ ଅଧିକାର କରିବ ?"
\s5
\v 27 ଏହି ପ୍ରକାରେ ତୁମ୍ଭେ ସେମାନଙ୍କୁ କହିବ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; "ଆମ୍ଭେ ଜୀବିତଥିବା ପ୍ରମାଣେ ଉତ୍ସନ୍ନ ସ୍ଥାନସକଳରେ ଥିବା ଲୋକମାନେ ନିଶ୍ଚୟ ଖଡ଼୍‍ଗ ଦ୍ୱାରା ପତିତ ହେବେ ଓ ଯେଉଁ ଜନ ପଡ଼ିଆରେ ଅଛି, ଆମ୍ଭେ ତାହାକୁ ଭକ୍ଷ୍ୟ ରୂପେ ପଶୁମାନଙ୍କୁ ଦେବା, ଆଉ ଯେଉଁମାନେ ଦୃଢ଼ ଦୁର୍ଗରେ ଓ ଗୁହାରେ ଥା'ନ୍ତି, ସେମାନେ ମହାମାରୀରେ ମରିବେ ।
\v 28 ପୁଣି, ଆମ୍ଭେ ଦେଶକୁ ଧ୍ୱଂସିତ ଓ ବିସ୍ମୟର ସ୍ଥାନ କରିବା, ତହିଁରେ ତାହାର ପରାକ୍ରମର ଗର୍ବ ଲୁପ୍ତ ହେବ; ପୁଣି, ଇସ୍ରାଏଲର ପର୍ବତଗଣ ଧ୍ୱଂସିତ ହେବ, ତହିଁରେ କେହି ତହିଁ ମଧ୍ୟ ଦେଇ ଗମନ କରିବେ ନାହିଁ ।"
\v 29 ଆମ୍ଭେ ସେମାନଙ୍କର କୃତ ସକଳ ଘୃଣାଯୋଗ୍ୟ କ୍ରିୟା ସକାଶୁ ଯେତେବେଳେ ଦେଶକୁ ଧ୍ୱଂସିତ ଓ ନିର୍ଜ୍ଜନ ସ୍ଥାନ କରିବା, ସେତେବେଳେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ ।
\s ଭାବବାଦୀଙ୍କ ବାର୍ତ୍ତାର ପରିଣାମ
\p
\s5
\v 30 ପୁଣି, ହେ ମନୁଷ୍ୟ-ସନ୍ତାନ, ତୁମ୍ଭ ଲୋକଙ୍କର ସନ୍ତାନମାନେ କାନ୍ଥ ନିକଟରେ ଓ ଗୃହମାନଙ୍କର ସକଳ ଦ୍ୱାରଦେଶରେ ତୁମ୍ଭ ବିଷୟରେ କଥାବାର୍ତ୍ତା କରନ୍ତି, ଆଉ ପରସ୍ପର, ପ୍ରତ୍ୟେକେ ଆପଣା ଭ୍ରାତାକୁ କହନ୍ତି, "ଆସ, ଆମ୍ଭେମାନେ ସଦାପ୍ରଭୁଙ୍କଠାରୁ ଆଗତ କଥା ଶୁଣୁ ।"
\v 31 ପୁଣି, ସେମାନେ ଲୋକମାନଙ୍କ ପରି ତୁମ୍ଭ ନିକଟକୁ ଆସନ୍ତି ଓ ଆମ୍ଭ ଲୋକଙ୍କ ପରି ତୁମ୍ଭ ସମ୍ମୁଖରେ ବସନ୍ତି ଓ ତୁମ୍ଭ କଥା ଶୁଣନ୍ତି, ମାତ୍ର ତାହା ପାଳନ କରନ୍ତି ନାହିଁ; କାରଣ ସେମାନେ ମୁଖରେ ବହୁତ ପ୍ରେମ ଦେଖାନ୍ତି, ମାତ୍ର ସେମାନଙ୍କର ଅନ୍ତଃକରଣ ସେମାନଙ୍କର ଲାଭର ଅନୁଗାମୀ ହୁଏ ।
\s5
\v 32 ଆଉ ଦେଖ, ଯାହାର ମଧୁର ସ୍ୱର ଅଛି ଓ ଯେ ଉତ୍ତମ ରୂପେ ବାଦ୍ୟଯନ୍ତ୍ର ବଜାଇ ପାରେ, ଏପରି ଲୋକର ଅତି ମନୋହର ଗୀତ ସ୍ୱରୂପ ତୁମ୍ଭେ ସେମାନଙ୍କ ନିକଟରେ ଅଟ; କାରଣ ସେମାନେ ତୁମ୍ଭର କଥା ଶୁଣନ୍ତି, ମାତ୍ର ତାହା ପାଳନ କରନ୍ତି ନାହିଁ ।
\v 33 ପୁଣି, ଏହା ଯେତେବେଳେ ଘଟିବ, ଦେଖ, ଘଟିବାର ନିକଟ ହେଲାଣି, ସେତେବେଳେ ସେମାନଙ୍କ ମଧ୍ୟରେ ଯେ ଜଣେ ଭବିଷ୍ୟଦ୍‍ବକ୍ତା ଥିଲେ, ଏହା ସେମାନେ ଜାଣିବେ ।
\s5
\c 34
\s ଇସ୍ରାଏଲର ପାଳକଗଣ ବିରୁଦ୍ଧରେ ଭବିଷ୍ୟଦ୍‍ବାଣୀ
\p
\v 1 ଏଥିଉତ୍ତାରେ ସଦାପ୍ରଭୁଙ୍କର ବାକ୍ୟ ମୋ' ନିକଟରେ ଉପସ୍ଥିତ ହେଲା, ଯଥା;
\v 2 "ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଇସ୍ରାଏଲର ପାଳକମାନଙ୍କ ବିରୁଦ୍ଧରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କର, ଭବିଷ୍ୟଦ୍‍ବାକ୍ୟ ପ୍ରଚାର କର ଓ ସେହି ପାଳକମାନଙ୍କୁ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; "ଇସ୍ରାଏଲର ଯେଉଁ ପାଳକମାନେ ଆପଣାମାନଙ୍କୁ ପାଳନ କରୁଅଛନ୍ତି, ସେମାନେ ସନ୍ତାପର ପାତ୍ର ! ମେଷଗଣକୁ ପାଳନ କରିବାର କି ପାଳକମାନଙ୍କର କର୍ତ୍ତବ୍ୟ ନୁହେଁ ?
\v 3 ତୁମ୍ଭେମାନେ ମେଦ ଖାଉଅଛ ଓ ତୁମ୍ଭେମାନେ ମେଷର ଲୋମ ପରିଧାନ କରୁଅଛ, ତୁମ୍ଭେମାନେ ହୃଷ୍ଟପୁଷ୍ଟ ଜନ୍ତୁ ମାରୁଅଛ, ମାତ୍ର ତୁମ୍ଭେମାନେ ମେଷଗଣକୁ ପାଳନ କରୁ ନାହଁ ।
\s5
\v 4 ତୁମ୍ଭେମାନେ ଅସୁସ୍ଥମାନଙ୍କୁ ସବଳ କରି ନାହଁ ଓ ପୀଡ଼ିତମାନଙ୍କର ଚିକିତ୍ସା କରି ନାହଁ ଓ ଭଗ୍ନାଙ୍ଗର କ୍ଷତ ବାନ୍ଧି ନାହଁ ଓ ଯେ ତାଡ଼ିତ ହେଲା, ତାହାକୁ ଫେରାଇ ଆଣି ନାହଁ, କିଅବା ଯେ ହଜିଗଲା, ତୁମ୍ଭେମାନେ ତାକୁ ଖୋଜି ନାହଁ; ମାତ୍ର ତୁମ୍ଭେମାନେ ବଳରେ ଓ କଠୋରତାରେ ସେମାନଙ୍କ ଉପରେ ଶାସନ କରିଅଛ ।
\v 5 ପୁଣି, କେହି ପାଳକ ନ ଥିବାରୁ ସେମାନେ ଛିନ୍ନଭିନ୍ନ ହୋଇଗଲେ ଓ କ୍ଷେତ୍ରସ୍ଥ ପଶୁଗଣର ଖାଦ୍ୟ ହୋଇ ଛିନ୍ନଭିନ୍ନ ହେଲେ ।
\v 6 ଆମ୍ଭର ମେଷଗଣ ପର୍ବତସକଳରେ ଓ ପ୍ରତ୍ୟେକ ଉଚ୍ଚ ଗିରିରେ ଭ୍ରମଣ କଲେ; ହଁ, ଆମ୍ଭର ମେଷମାନେ ପୃଥିବୀର ସବୁଆଡ଼େ ଛିନ୍ନଭିନ୍ନ ହୋଇଗଲେ; ପୁଣି, ସେମାନଙ୍କୁ ଖୋଜିବାକୁ ଓ ସେମାନଙ୍କର ପଛେ ପଛେ ଅନୁସନ୍ଧାନ କରିବାକୁ କେହି ନ ଥିଲା ।"
\s5
\v 7 ଏହେତୁ ହେ ପାଳକଗଣ, ତୁମ୍ଭେମାନେ ସଦାପ୍ରଭୁଙ୍କର ବାକ୍ୟ ଶୁଣ;
\v 8 ପ୍ରଭୁ, ସଦାପ୍ରଭୁ କହନ୍ତି, "ଆମ୍ଭେ ଜୀବିତ ଥିବା ପ୍ରମାଣେ," ନିଶ୍ଚୟ କେହି ପାଳକ ନ ଥିବାରୁ ଆମ୍ଭର ମେଷମାନେ ଲୁଟିତ ହେଲେ ଓ ଆମ୍ଭର ମେଷମାନେ କ୍ଷେତ୍ରସ୍ଥ ପଶୁସକଳର ଖାଦ୍ୟ ହେଲେ, ପୁଣି, ଆମ୍ଭର ପାଳକଗଣ ଆମ୍ଭର ମେଷମାନଙ୍କୁ ଖୋଜିଲେ ନାହିଁ, ମାତ୍ର ପାଳକଗଣ ଆପଣାମାନଙ୍କୁ ପାଳନ କରି ଆମ୍ଭ ମେଷମାନଙ୍କୁ ପାଳନ କଲେ ନାହିଁ;
\s5
\v 9 ଏଥିପାଇଁ ହେ ପାଳକଗଣ, ତୁମ୍ଭେମାନେ ସଦାପ୍ରଭୁଙ୍କର ବାକ୍ୟ ଶୁଣ;
\v 10 ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; "ଦେଖ, ଆମ୍ଭେ ପାଳକମାନଙ୍କର ପ୍ରତିକୂଳ ଅଟୁ; ଆମ୍ଭେ ସେମାନଙ୍କ ହସ୍ତରୁ ଆମ୍ଭ ମେଷଗଣକୁ ଆଦାୟ କରିବା, ଆଉ ସେମାନଙ୍କୁ ମେଷପାଳନ କର୍ମରୁ ଚ୍ୟୁତ କରିବା ଓ ସେହି ପାଳକମାନେ ଆଉ ଆପଣାମାନଙ୍କୁ ପାଳନ କରିବେ ନାହିଁ; ପୁଣି, ସେମାନଙ୍କ ମୁଖରୁ ଆମ୍ଭେ ଆମ୍ଭର ମେଷଗଣକୁ ଉଦ୍ଧାର କରିବା, ତହିଁରେ ସେମାନେ ସେମାନଙ୍କ ପାଇଁ ଭକ୍ଷ୍ୟ ହେବେ ନାହିଁ ।"
\s ଉତ୍ତମ ମେଷପାଳକ
\p
\s5
\v 11 କାରଣ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, "ଦେଖ, ଆମ୍ଭେ ନିଜେ, ଆମ୍ଭେ ହିଁ ନିଜ ମେଷଗଣର ଅନ୍ୱେଷଣ କରି ସେମାନଙ୍କର ତତ୍ତ୍ୱାନୁସନ୍ଧାନ କରିବା ।
\v 12 କୌଣସି ପାଳକ ଆପଣା ଛିନ୍ନଭିନ୍ନ ମେଷଗଣର ମଧ୍ୟରେ ଥିବା ଦିନ ଯେପରି ଆପଣା ପଲର ତତ୍ତ୍ୱାନୁସନ୍ଧାନ କରେ, ସେହିପରି ଆମ୍ଭେ ଆପଣା ମେଷଗଣର ତତ୍ତ୍ୱାନୁସନ୍ଧାନ କରିବା; ଆଉ, ମେଘାଚ୍ଛନ୍ନ ଓ ଅନ୍ଧକାର ଦିନରେ ସେମାନେ ଯେଉଁ ଯେଉଁ ସ୍ଥାନରେ ଛିନ୍ନଭିନ୍ନ ହୋଇଅଛନ୍ତି, ସେହି ସକଳ ସ୍ଥାନରୁ ସେମାନଙ୍କୁ ଉଦ୍ଧାର କରିବା ।
\v 13 ଆଉ, ଆମ୍ଭେ ନାନା ଗୋଷ୍ଠୀୟମାନଙ୍କ ମଧ୍ୟରୁ ସେମାନଙ୍କୁ ବାହାର କରି ଆଣିବା ଓ ନାନା ଦେଶରୁ ସେମାନଙ୍କୁ ସଂଗ୍ରହ କରି ସେମାନଙ୍କୁ ନିଜ ଦେଶକୁ ଆଣିବା, ପୁଣି ଆମ୍ଭେ ସେମାନଙ୍କୁ ଇସ୍ରାଏଲର ପର୍ବତସକଳରେ, ଜଳପ୍ରବାହର ନିକଟରେ ଓ ଦେଶର ସକଳ ବସତି-ସ୍ଥାନରେ ଚରାଇବା ।
\s5
\v 14 ଆମ୍ଭେ ଉତ୍ତମ ଚରାଣୀ ସ୍ଥାନରେ ସେମାନଙ୍କୁ ଚରାଇବା, ପୁଣି ଇସ୍ରାଏଲର ଉଚ୍ଚସ୍ଥଳୀର ପର୍ବତଗଣର ଉପରେ ସେମାନଙ୍କର ଖୁଆଡ଼ ହେବ; ସେହି ସ୍ଥାନରେ ସେମାନେ ଉତ୍ତମ ଖୁଆଡ଼ ମଧ୍ୟରେ ଶୟନ କରିବେ ଓ ଇସ୍ରାଏଲର ପର୍ବତମାନର ଉପରେ ପୁଷ୍ଟିକର ଚରାଣୀ ସ୍ଥାନରେ ସେମାନେ ଚରିବେ ।
\v 15 ପ୍ରଭୁ, ସଦାପ୍ରଭୁ କହନ୍ତି, ଆମ୍ଭେ ନିଜେ ଆପଣା ମେଷଗଣକୁ ଚରାଇବା ଓ ଆମ୍ଭେ ସେମାନଙ୍କୁ ଶୟନ କରାଇବା ।"
\v 16 "ଯେ ହଜିଥିଲା, ଆମ୍ଭେ ତାହାର ଅନ୍ଵେଷଣ କରିବା ଓ ଯେ ତାଡ଼ିତ ହୋଇଥିଲା, ତାହାକୁ ପୁନର୍ବାର ଆଣିବା, ପୁଣି, ଭଗ୍ନାଙ୍ଗର କ୍ଷତ ବାନ୍ଧିବା ଓ ପୀଡ଼ିତକୁ ସବଳ କରିବା, ଆଉ ହୃଷ୍ଟପୁଷ୍ଟ ଓ ବଳବାନକୁ ସଂହାର କରିବା; ଆମ୍ଭେ ନ୍ୟାୟମତେ ସେମାନଙ୍କୁ ପାଳନ କରିବା ।
\s5
\v 17 ପୁଣି, ହେ ଆମ୍ଭର ପଲ," ତୁମ୍ଭମାନଙ୍କ ବିଷୟରେ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ଦେଖ, ଆମ୍ଭେ ପଶୁ ଓ ପଶୁର ମଧ୍ୟରେ, ମେଷ ଓ ଛାଗଗଣର ମଧ୍ୟରେ ବିଚାର କରୁ ।
\v 18 ଉତ୍ତମ ଚରାଣୀ ସ୍ଥାନରେ ଚରିବାର, ମାତ୍ର ଚରାଣୀର ଅବଶିଷ୍ଟାଂଶ ପାଦତଳେ ଦଳିବାର ଓ ନିର୍ମଳ ଜଳ ପାନ କରିବାର, ମାତ୍ର ତହିଁର ଅବଶିଷ୍ଟାଂଶ ଆପଣା ପାଦରେ ଗୋଳିଆ କରିବାର, ଏହା କି ତୁମ୍ଭମାନଙ୍କୁ କ୍ଷୁଦ୍ର ବିଷୟ ଦିଶୁଅଛି ?
\v 19 ମାତ୍ର ତୁମ୍ଭେମାନେ ଯାହା ପାଦରେ ଦଳିଅଛ, ଆମ୍ଭର ମେଷଗଣ ତାହା ଭୋଜନ କରନ୍ତି ଓ ଯାହା ତୁମ୍ଭେମାନେ ପାଦରେ ଗୋଳିଆ କରିଅଛ, ତାହା ସେମାନେ ପାନ କରନ୍ତି ।
\s5
\v 20 ଏହେତୁ ସେମାନଙ୍କୁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, "ଦେଖ ଆମ୍ଭେ, ଆମ୍ଭେ ହିଁ ହୃଷ୍ଟପୁଷ୍ଟ ପଶୁ ଓ କ୍ଷୀଣ ପଶୁ ମଧ୍ୟରେ ବିଚାର କରିବା ।
\v 21 ତୁମ୍ଭେମାନେ ପାର୍ଶ୍ୱରେ ଓ ସ୍କନ୍ଧରେ ପୀଡ଼ିତମାନଙ୍କୁ ଠେଲି ଦେଉଅଛ ଓ ବାହାରେ ସେମାନଙ୍କୁ ଛିନ୍ନଭିନ୍ନ ନ କରିବା ପର୍ଯ୍ୟନ୍ତ ସେସମସ୍ତଙ୍କୁ ଆପଣା ଶୃଙ୍ଗରେ ପେଲି ଦେଉଅଛ;
\s5
\v 22 ଏଥିପାଇଁ ଆମ୍ଭେ ଆପଣା ପଲକୁ ରକ୍ଷା କରିବା, ତହିଁରେ ସେମାନେ ଆଉ ଲୁଟିତ ହେବେ ନାହିଁ; ପୁଣି, ଆମ୍ଭେ ପଶୁର ଓ ପଶୁର ମଧ୍ୟରେ ବିଚାର କରିବା ।
\v 23 ଆଉ, ଆମ୍ଭେ ସେମାନଙ୍କ ଉପରେ ଏକ ପାଳକ, ଅର୍ଥାତ୍‍, ଆମ୍ଭର ଦାସ ଦାଉଦକୁ ନିଯୁକ୍ତ କରିବା, ତହିଁରେ ସେ ସେମାନଙ୍କୁ ଚରାଇବ ଓ ସେ ସେମାନଙ୍କର ପାଳକ ହେବ ।
\v 24 ପୁଣି, ଆମ୍ଭେ ସଦାପ୍ରଭୁ ସେମାନଙ୍କର ପରମେଶ୍ୱର ହେବା ଓ ଆମ୍ଭର ଦାସ ଦାଉଦ ସେମାନଙ୍କ ମଧ୍ୟରେ ଅଧିପତି ହେବ; ଆମ୍ଭେ ସଦାପ୍ରଭୁ ଏହା କହିଅଛୁ ।
\s ପରମେଶ୍ୱରଙ୍କ ଶାନ୍ତିର ନିୟମ
\p
\s5
\v 25 ଆଉ, ଆମ୍ଭେ ସେମାନଙ୍କ ପକ୍ଷରେ ଶାନ୍ତିର ନିୟମ ସ୍ଥିର କରିବା ଓ ହିଂସ୍ରକ ପଶୁଗଣକୁ ଦେଶରୁ ଶେଷ କରିବା; ତହିଁରେ ସେମାନେ ନିରାପଦରେ ପ୍ରାନ୍ତରରେ ବାସ କରିବେ ଓ ବନରେ ଶୟନ କରିବେ ।
\v 26 ପୁଣି, ଆମ୍ଭେ ସେମାନଙ୍କୁ ଓ ଆମ୍ଭ ପର୍ବତର ଚତୁର୍ଦ୍ଦିଗସ୍ଥିତ ସ୍ଥାନକୁ ଆଶୀର୍ବାଦ ସ୍ୱରୂପ କରିବା; ଆଉ, ଆମ୍ଭେ ଯଥା ସମୟରେ ଜଳଧାରା ବର୍ଷାଇବା; ତାହା ଆଶୀର୍ବାଦର ଜଳଧାରା ହେବ ।
\v 27 ଆଉ, କ୍ଷେତ୍ରସ୍ଥ ବୃକ୍ଷଗୁଡିକ ଫଳ ଉତ୍ପନ୍ନ କରିବେ ଓ ଭୂମି ଶସ୍ୟଗୁଡିକ ଉତ୍ପନ୍ନ କରିବ, ପୁଣି, ସେମାନେ ଆପଣାମାନଙ୍କ ଦେଶରେ ନିରାପଦରେ ରହିବେ; ଆଉ, ଆମ୍ଭେ ସେମାନଙ୍କ ଯୁଆଳିର ଖିଲ ଭାଙ୍ଗିଲେ ଓ ସେମାନଙ୍କୁ ଦାସତ୍ୱ କରାଇବା ଲୋକମାନଙ୍କ ହସ୍ତରୁ ଉଦ୍ଧାର କଲେ, ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ ।
\s5
\v 28 ପୁଣି, ସେମାନେ ଆଉ ଅନ୍ୟ ଦେଶୀୟମାନଙ୍କର ଲୁଟ ସ୍ୱରୂପ ହେବେ ନାହିଁ, କିଅବା ପୃଥିବୀସ୍ଥ ପଶୁମାନେ ସେମାନଙ୍କୁ ଗ୍ରାସ କରିବେ ନାହିଁ; ମାତ୍ର ସେମାନେ ନିରାପଦରେ ବାସ କରିବେ ଓ କେହି ସେମାନଙ୍କୁ ଭୟ ଦେଖାଇବେ ନାହିଁ ।
\v 29 ପୁଣି, ଆମ୍ଭେ ସେମାନଙ୍କର ସୁଖ୍ୟାତି ନିମନ୍ତେ ଏକ ଉଦ୍ୟାନ ଉତ୍ପନ୍ନ କରିବା, ତହିଁରେ ସେମାନେ ଦେଶରେ ଦୁର୍ଭିକ୍ଷ ସକାଶୁ ଆଉ କ୍ଷୟ ପାଇବେ ନାହିଁ, କିଅବା ଅନ୍ୟ ଦେଶୀୟମାନଙ୍କର ଅପମାନ ଆଉ ଭୋଗ କରିବେ ନାହିଁ ।
\s5
\v 30 ତହିଁରେ ଆମ୍ଭେ ସଦାପ୍ରଭୁ ସେମାନଙ୍କର ପରମେଶ୍ୱର ଯେ ସେମାନଙ୍କର ସହବର୍ତ୍ତୀ ଅଟୁ ଓ ସେମାନେ, ଅର୍ଥାତ୍‍, ଇସ୍ରାଏଲ ବଂଶ ଯେ ଆମ୍ଭର ଲୋକ ଅଟନ୍ତି, ଏହା ସେମାନେ ଜାଣିବେ," ଏହା ପ୍ରଭୁ, ସଦାପ୍ରଭୁ କହନ୍ତି ।
\v 31 "ପୁଣି, ଆମ୍ଭର ମେଷ, ଆମ୍ଭର ଚରାଣୀ ସ୍ଥାନର ମେଷ ଯେ ତୁମ୍ଭେମାନେ, ତୁମ୍ଭେମାନେ ମନୁଷ୍ୟ ଅଟ ଓ ଆମ୍ଭେ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ," ଏହା ପ୍ରଭୁ, ସଦାପ୍ରଭୁ କହନ୍ତି ।
\s5
\c 35
\s ସେୟୀର ପର୍ବତ ବିରୁଦ୍ଧରେ ଭବିଷ୍ୟଦ୍‍ବାଣୀ
\p
\v 1 ଆହୁରି, ସଦାପ୍ରଭୁଙ୍କର ବାକ୍ୟ ମୋ' ନିକଟରେ ଉପସ୍ଥିତ ହେଲା, ଯଥା;
\v 2 "ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ସେୟୀର ପର୍ବତ ବିରୁଦ୍ଧରେ ମୁଖ ରଖ ଓ ତାହା ବିରୁଦ୍ଧରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରି ତାହାକୁ କୁହ,
\v 3 ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ହେ ସେୟୀର ପର୍ବତ, ଦେଖ, ଆମ୍ଭେ ତୁମ୍ଭର ପ୍ରତିକୂଳ ଅଟୁ ଓ ଆମ୍ଭେ ତୁମ୍ଭ ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରିବା, ଆଉ ଆମ୍ଭେ ତୁମ୍ଭକୁ ଧ୍ୱଂସ ଓ ଶୂନ୍ୟର ସ୍ଥାନ କରିବା ।
\s5
\v 4 ଆମ୍ଭେ ତୁମ୍ଭର ନଗରସବୁ ଶୂନ୍ୟ କରିବା ଓ ତୁମ୍ଭେ ଧ୍ୱଂସସ୍ଥାନ ହେବ, ଆଉ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେ ଜାଣିବ ।
\v 5 ତୁମ୍ଭର ଚିରକାଳ ଶତ୍ରୁତାଭାବ ଅଛି ଓ ତୁମ୍ଭେ ଇସ୍ରାଏଲ ସନ୍ତାନଗଣର ବିପଦ ସମୟରେ, ଅର୍ଥାତ୍‍, ସେମାନଙ୍କର ଶେଷ ଅଧର୍ମର ସମୟରେ ଖଡ଼୍‍ଗର ପରାକ୍ରମରେ ସେମାନଙ୍କୁ ସମର୍ପଣ କରିଅଛ;
\v 6 ଏହେତୁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ଆମ୍ଭେ ଜୀବିତ ଥିବା ପ୍ରମାଣେ ତୁମ୍ଭକୁ ରକ୍ତପାତ ନିମନ୍ତେ ପ୍ରସ୍ତୁତ କରିବା ଓ ରକ୍ତ ତୁମ୍ଭ ପଛେ ପଛେ ଗୋଡ଼ାଇବ; ତୁମ୍ଭେ ରକ୍ତ ଘୃଣା କରି ନାହଁ, ଏଥିପାଇଁ ରକ୍ତ ତୁମ୍ଭ ପଛେ ପଛେ ଗୋଡ଼ାଇବ ।
\s5
\v 7 ଏହି ପ୍ରକାର ଆମ୍ଭେ ସେୟୀର ପର୍ବତକୁ ଶୂନ୍ୟ ଓ ଧ୍ୱଂସର ସ୍ଥାନ କରିବା ଓ ଆମ୍ଭେ ତହିଁ ମଧ୍ୟ ଦେଇ ଗମନକାରୀକୁ ଓ ଫେରିବା ଲୋକକୁ ଉଚ୍ଛିନ୍ନ କରିବା ।
\v 8 ପୁଣି, ଆମ୍ଭେ ତାହାର ହତ ଲୋକରେ ତାହାର ପର୍ବତଗଣକୁ ପୂର୍ଣ୍ଣ କରିବା; ତୁମ୍ଭର ଉପପର୍ବତରେ ଓ ଉପତ୍ୟକାରେ ଓ ଜଳପ୍ରବାହ ସ୍ଥାନରେ ଖଡ଼୍‍ଗ ଦ୍ୱାରା ହତ ଲୋକମାନେ ପତିତ ହେବେ ।
\v 9 ଆମ୍ଭେ ତୁମ୍ଭକୁ ସଦାକାଳ ଧ୍ୱଂସସ୍ଥାନ କରିବା ଓ ତୁମ୍ଭର ନଗରସକଳ ନିବାସୀହୀନ ହେବ; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ ।
\s5
\v 10 ସେସ୍ଥାନରେ ସଦାପ୍ରଭୁ ଥିଲେ ହେଁ ତୁମ୍ଭେ କହିଅଛ, "ଏହି ଦୁଇ ଗୋଷ୍ଠୀ ଓ ଏହି ଦୁଇ ଦେଶ ମୋ'ର ହେବ ଓ ଆମ୍ଭେମାନେ ତାହା ଅଧିକାର କରିବା,"
\v 11 ଏହେତୁ ପ୍ରଭୁ, ସଦାପ୍ରଭୁ କହନ୍ତି, ଆମ୍ଭେ ଜୀବିତ ଥିବା ପ୍ରମାଣେ ତୁମ୍ଭେ ଆପଣା ଘୃଣାଭାବ ସକାଶୁ ସେମାନଙ୍କ ପ୍ରତି ଯେପରି କରିଅଛ, ଆମ୍ଭେ ତୁମ୍ଭର ସେହି କ୍ରୋଧ ଓ ସେହି ଈର୍ଷାନୁସାରେ ତୁମ୍ଭ ପ୍ରତି କର୍ମ କରିବା ଓ ଆମ୍ଭେ ଯେତେବେଳେ ତୁମ୍ଭର ବିଚାର କରିବା, ସେତେବେଳେ ସେମାନଙ୍କ ମଧ୍ୟରେ ଆପଣାର ପରିଚୟ ଦେବା ।
\s5
\v 12 ଆଉ, ତୁମ୍ଭେ ଇସ୍ରାଏଲର ପର୍ବତଗଣ ବିରୁଦ୍ଧରେ ଯେଉଁ ସକଳ ନିନ୍ଦାର କଥା କହିଅଛ, ଅର୍ଥାତ୍‍, "ସେହି ସବୁ ଧ୍ୱଂସସ୍ଥାନ ଓ ସେହି ସବୁ ଗ୍ରାସାର୍ଥେ ଆମ୍ଭମାନଙ୍କୁ ଦତ୍ତ ହୋଇଅଛି" ବୋଲି କହିଅଛ, ତାହା ଆମ୍ଭେ ସଦାପ୍ରଭୁ ଯେ ଶୁଣିଅଛୁ, ଏହା ତୁମ୍ଭେ ଜାଣିବ ।
\v 13 ପୁଣି, ତୁମ୍ଭେମାନେ ଆପଣା ମୁଖରେ ଆମ୍ଭ ବିରୁଦ୍ଧରେ ଆପଣାମାନଙ୍କୁ ବଡ଼ କରିଅଛ ଓ ଆମ୍ଭ ବିରୁଦ୍ଧରେ କଥା ବଢ଼ାଇଅଛ; ଆମ୍ଭେ ତାହା ଶୁଣିଅଛୁ ।
\s5
\v 14 ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ସମୁଦାୟ ପୃଥିବୀର ଆନନ୍ଦ କାଳରେ ଆମ୍ଭେ ତୁମ୍ଭକୁ ଧ୍ୱଂସ କରିବା ।
\v 15 ଇସ୍ରାଏଲ ବଂଶର ଅଧିକାର ଧ୍ୱଂସ ହେବାରୁ ତୁମ୍ଭେ ଯେପରି ଆନନ୍ଦ କରିଥିଲ, ସେହିପରି ଆମ୍ଭେ ତୁମ୍ଭ ପ୍ରତି କରିବା; ହେ ସେୟୀର ପର୍ବତ, ହେ ସମୁଦାୟ ଇଦୋମ, ତୁମ୍ଭେ ଧ୍ୱଂସ ହେବ, ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ; ଏହା ଲୋକମାନେ ଜାଣିବେ ।"
\s5
\c 36
\s ଇସ୍ରାଏଲର ପର୍ବତଗଣ ପ୍ରତି ଭବିଷ୍ୟଦ୍‍ବାଣୀ
\p
\v 1 "ଆଉ ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଇସ୍ରାଏଲର ପର୍ବତଗଣକୁ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରି କୁହ, ହେ ଇସ୍ରାଏଲର ପର୍ବତଗଣ, ତୁମ୍ଭେମାନେ ସଦାପ୍ରଭୁଙ୍କର ବାକ୍ୟ ଶୁଣ ।
\v 2 ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ଶତ୍ରୁ ତୁମ୍ଭ ବିରୁଦ୍ଧରେ କହିଅଛି, "ଭଲ ହେଲା, ଭଲ ହେଲା" ! ଓ "ସେହି ପ୍ରାଚୀନ ଉଚ୍ଚସ୍ଥଳୀ ସକଳ ଆମ୍ଭମାନଙ୍କର ଅଧିକୃତ ହେଲା,"
\v 3 ଏଥିପାଇଁ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରି କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି: ତୁମ୍ଭମାନଙ୍କୁ ଗୋଷ୍ଠୀୟମାନଙ୍କ ଅବଶିଷ୍ଟାଂଶ ଅଧିକାର କରିବା ପାଇଁ ଲୋକମାନେ ତୁମ୍ଭମାନଙ୍କୁ ଧ୍ୱଂସ ଓ ଚତୁର୍ଦ୍ଦିଗରେ ଗ୍ରାସ କରିଅଛନ୍ତି, ଆଉ ତୁମ୍ଭେମାନେ ବକୁଆମାନଙ୍କ ଓଷ୍ଠଗତ ଓ ଲୋକମାନଙ୍କ ନିନ୍ଦାର ପାତ୍ର ହୋଇଅଛ;
\s5
\v 4 ଏହେତୁ ହେ ଇସ୍ରାଏଲର ପର୍ବତଗଣ, ପ୍ରଭୁ, ସଦାପ୍ରଭୁଙ୍କର ବାକ୍ୟ ଶୁଣ; ଇସ୍ରାଏଲର ଯେସକଳ ପର୍ବତ ଓ ଉପ-ପର୍ବତଗଣ, ଜଳପ୍ରବାହ ଓ ଉପତ୍ୟକାସକଳ, ଧ୍ୱଂସ ଶୂନ୍ୟସ୍ଥାନସକଳ ଓ ତ୍ୟକ୍ତ ନଗରସମୂହ, ଚତୁର୍ଦ୍ଦିଗସ୍ଥିତ ଗୋଷ୍ଠୀୟମାନଙ୍କର ଅବଶିଷ୍ଟାଂଶର ପ୍ରତି ଲୁଟିତ ଦ୍ରବ୍ୟ ଓ ହାସ୍ୟାସ୍ପଦ ହୋଇଅଛି, ସେହି ସବୁକୁ ସଦାପ୍ରଭୁ ଏହି କଥା କହନ୍ତି;
\v 5 ଏଥିପାଇଁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ଯେଉଁମାନେ ଆପଣାମାନଙ୍କ ସର୍ବାନ୍ତଃକରଣର ଆନନ୍ଦରେ ଓ ପ୍ରାଣର ଈର୍ଷାରେ, ଲୁଟିତ ଦ୍ରବ୍ୟ ରୂପେ ନିକ୍ଷେପ କରିବା ପାଇଁ ଆମ୍ଭ ଦେଶକୁ ଆପଣାମାନଙ୍କର ଅଧିକାର ବୋଲି ନିରୂପଣ କରିଅଛନ୍ତି, ଗୋଷ୍ଠୀୟମାନଙ୍କର ସେହି ଅବଶିଷ୍ଟାଂଶର ବିରୁଦ୍ଧରେ ଓ ସମୁଦାୟ ଇଦୋମର ବିରୁଦ୍ଧରେ ଆମ୍ଭେ ନିତାନ୍ତ ଆପଣା ଅନ୍ତରାଗ୍ନିର ଜ୍ୱାଳାରେ କହିଅଛୁ;
\v 6 ଏଣୁ ଇସ୍ରାଏଲର ଦେଶ ବିଷୟରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କର, ଆଉ ପର୍ବତ ଓ ଉପପର୍ବତଗଣକୁ, ଜଳପ୍ରବାହ ଓ ଉପତ୍ୟକାସକଳକୁ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ଦେଖ, ତୁମ୍ଭେମାନେ ଅନ୍ୟ ଦେଶୀୟମାନଙ୍କଠାରୁ ଅପମାନ ଭୋଗ କରିବାରୁ ଆମ୍ଭେ ଆପଣା ଅନ୍ତର୍ଜ୍ଜାଳାରେ ଓ କୋପରେ କଥା କହିଅଛୁ;
\s5
\v 7 ଏଥିପାଇଁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ଆମ୍ଭେ ଆପଣା ହସ୍ତ ଉଠାଇ କହିଅଛୁ, ତୁମ୍ଭମାନଙ୍କର ଚତୁର୍ଦ୍ଦିଗସ୍ଥିତ ଅନ୍ୟ ଦେଶୀୟମାନେ ନିଶ୍ଚୟ ଆପଣାମାନଙ୍କ ଅପମାନ ଭୋଗ କରିବେ ।
\s5
\v 8 ମାତ୍ର ହେ ଇସ୍ରାଏଲର ପର୍ବତଗଣ, ତୁମ୍ଭେମାନେ ଆପଣାମାନଙ୍କର ଶାଖା ବାହାର କରିବ ଓ ଆମ୍ଭର ଇସ୍ରାଏଲର ଲୋକଙ୍କ ନିମନ୍ତେ ଆପଣା ଆପଣାର ଫଳ ଉତ୍ପନ୍ନ କରିବ; କାରଣ ସେମାନଙ୍କର ଆଗମନ ସନ୍ନିକଟ ।
\v 9 ଯେହେତୁ ଦେଖ, ଆମ୍ଭେ ତୁମ୍ଭମାନଙ୍କର ସପକ୍ଷ ଅଟୁ ଓ ଆମ୍ଭେ ତୁମ୍ଭମାନଙ୍କ ପ୍ରତି ଫେରିବା, ତହିଁରେ ତୁମ୍ଭେମାନେ ଚାଷ କରାଯାଇ ବୁଣାଯିବ ।
\s5
\v 10 ପୁଣି, ଆମ୍ଭେ ତୁମ୍ଭମାନଙ୍କ ଉପରେ ମନୁଷ୍ୟମାନଙ୍କୁ, ସମସ୍ତ ଇସ୍ରାଏଲ ବଂଶକୁ, ତହିଁର ସମଗ୍ରକୁ ବୃଦ୍ଧି କରିବା; ତହିଁରେ ନଗରସମୂହ ବସତିସ୍ଥାନ ହେବ ଓ ଧ୍ୱଂସସ୍ଥାନସକଳ ପୁନଃନିର୍ମିତ ହେବ;
\v 11 ପୁଣି, ଆମ୍ଭେ ତୁମ୍ଭମାନଙ୍କ ମଧ୍ୟରେ ମନୁଷ୍ୟ ଓ ପଶୁକୁ ବୃଦ୍ଧି କରିବା, ତହିଁରେ ସେମାନେ ବର୍ଦ୍ଧିଷ୍ଣୁ ହୋଇ ସନ୍ତାନସନ୍ତତି ବିଶିଷ୍ଟ ହେବେ; ଆଉ, ଆମ୍ଭେ ତୁମ୍ଭମାନଙ୍କୁ ପୂର୍ବ କାଳର ନ୍ୟାୟ ବସତି କରାଇବା ଓ ତୁମ୍ଭମାନଙ୍କ ପ୍ରତି ଆଦ୍ୟ କାଳ ଅପେକ୍ଷା ଅଧିକ ମଙ୍ଗଳ କରିବା । ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ ।
\v 12 ଆହୁରି, ଆମ୍ଭେ ତୁମ୍ଭମାନଙ୍କ ଉପରେ ମନୁଷ୍ୟମାନଙ୍କୁ, ଅର୍ଥାତ୍‍, ଆମ୍ଭର ଇସ୍ରାଏଲ ଲୋକଙ୍କୁ ଗତାୟାତ କରାଇବା ଓ ସେମାନେ ତୁମ୍ଭମାନଙ୍କୁ ଭୋଗ କରିବେ, ଆଉ ତୁମ୍ଭେ ସେମାନଙ୍କର ଅଧିକାର ସ୍ୱରୂପ ହେବ, ପୁଣି, ତୁମ୍ଭେ ଏହି ସମୟଠାରୁ ଆଉ ସେମାନଙ୍କୁ ସନ୍ତାନବିହୀନ କରିବ ନାହିଁ ।
\s5
\v 13 ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ସେମାନେ ତୁମ୍ଭକୁ କହନ୍ତି, "ହେ ଦେଶ, ତୁମ୍ଭେ ମନୁଷ୍ୟଗ୍ରାସକ ଓ ନିଜ ଦେଶୀୟମାନଙ୍କର ନାଶକ ହୋଇଅଛ,"
\v 14 ଏଥିପାଇଁ ପ୍ରଭୁ, ସଦାପ୍ରଭୁ କହନ୍ତି, ତୁମ୍ଭେ ଆଉ ମନୁଷ୍ୟମାନଙ୍କୁ ଗ୍ରାସ କରିବ ନାହିଁ କିଅବା ତୁମ୍ଭ ଦେଶୀୟମାନଙ୍କର ନାଶ ଆଉ କରିବ ନାହିଁ, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି;
\v 15 ଅଥବା ଆମ୍ଭେ ତୁମ୍ଭକୁ ଅନ୍ୟ ଦେଶୀୟମାନଙ୍କର ଅପମାନ ବାକ୍ୟ ଆଉ ଶୁଣାଇବା ନାହିଁ ଓ ତୁମ୍ଭେ ଗୋଷ୍ଠୀୟମାନଙ୍କର ନିନ୍ଦାବାକ୍ୟର ଭାର ଆଉ ବହିବ ନାହିଁ ଓ ନିଜ ଦେଶୀୟମାନଙ୍କର ବିଘ୍ନ ଆଉ ଜନ୍ମାଇବ ନାହିଁ," ଏହା ପ୍ରଭୁ, ସଦାପ୍ରଭୁ କହନ୍ତି ।
\s ଈଶ୍ୱରଙ୍କ ପବିତ୍ର ନାମର କାର୍ଯ୍ୟ
\p
\s5
\v 16 ଆହୁରି, ସଦାପ୍ରଭୁଙ୍କର ବାକ୍ୟ ମୋ' ନିକଟରେ ଉପସ୍ଥିତ ହେଲା, ଯଥା;
\v 17 "ହେ ମନୁଷ୍ୟ-ସନ୍ତାନ, ଇସ୍ରାଏଲ ବଂଶ ନିଜ ଦେଶରେ ବାସ କରିବା ବେଳେ ସେମାନେ ଆପଣାମାନଙ୍କର ଆଚରଣ ଓ କ୍ରିୟା ଦ୍ୱାରା ତାହା ଅଶୁଚି କଲେ; ସେମାନଙ୍କର ଆଚରଣ ଆମ୍ଭ ସାକ୍ଷାତରେ ସ୍ତ୍ରୀଲୋକର ପୃଥକ ସ୍ଥିତିକାଳୀନ ଅଶୌଚର ତୁଲ୍ୟ ଥିଲା ।
\v 18 ଏନିମନ୍ତେ ସେମାନେ ଦେଶରେ ରକ୍ତ ଢାଳିବା ସକାଶୁ ଓ ଆପଣାମାନଙ୍କର ପ୍ରତିମାଗଣ ଦ୍ୱାରା ତାହା ଅଶୁଚି କରିବା ସକାଶୁ ଆମ୍ଭେ ସେମାନଙ୍କ ଉପରେ ଆପଣା କୋପ ଢାଳିଲୁ,
\s5
\v 19 ଆଉ, ଆମ୍ଭେ ନାନା ଗୋଷ୍ଠୀ ମଧ୍ୟରେ ସେମାନଙ୍କୁ ଛିନ୍ନଭିନ୍ନ କଲୁ ଓ ସେମାନେ ନାନା ଦେଶରେ ବିକ୍ଷିପ୍ତ ହେଲେ; ସେମାନଙ୍କର ଆଚରଣ ଅନୁସାରେ ଓ ସେମାନଙ୍କର କ୍ରିୟାନୁସାରେ ଆମ୍ଭେ ସେମାନଙ୍କର ବିଚାର କଲୁ ।
\v 20 ପୁଣି, ଯେଉଁ ସ୍ଥାନକୁ ସେମାନେ ଗଲେ, ସେହି ସ୍ଥାନରେ ଗୋଷ୍ଠୀୟମାନଙ୍କ ମଧ୍ୟକୁ ଯାଇ ସେମାନେ ଆମ୍ଭର ପବିତ୍ର ନାମ ଅପବିତ୍ର କଲେ; ତହିଁରେ ଲୋକମାନେ ସେମାନଙ୍କ ବିଷୟରେ କହିଲେ, ଏମାନେ ସଦାପ୍ରଭୁଙ୍କର ଲୋକ ଓ ତାହାଙ୍କ ଦେଶରୁ ବାହାରି ଯାଇଅଛନ୍ତି ।
\v 21 ତଥାପି ଇସ୍ରାଏଲ ବଂଶ ନାନା ଗୋଷ୍ଠୀୟମାନଙ୍କ ମଧ୍ୟକୁ ଯାଇ ଆମ୍ଭର ଯେଉଁ ପବିତ୍ର ନାମ ଅପବିତ୍ର କଲେ, ସେହି ପବିତ୍ର ନାମ ସକାଶୁ ଆମ୍ଭର ଦୟା ଜାତ ହେଲା ।
\s5
\v 22 ଏହେତୁ ଇସ୍ରାଏଲ ବଂଶକୁ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ହେ ଇସ୍ରାଏଲ ବଂଶ, ଆମ୍ଭେ ତୁମ୍ଭମାନଙ୍କ ସକାଶୁ ଏପରି କରୁ ନାହୁଁ, ମାତ୍ର ତୁମ୍ଭେମାନେ ନାନା ଗୋଷ୍ଠୀ ମଧ୍ୟକୁ ଯାଇ ଯାହା ଅପବିତ୍ର କରିଅଛ, ଆମ୍ଭ ନିଜର ସେହି ପବିତ୍ର ନାମ ସକାଶୁ କରୁଅଛୁ ।
\v 23 ପୁଣି, ଯାହା ନାନା ଗୋଷ୍ଠୀ ମଧ୍ୟରେ ଅପବିତ୍ରୀକୃତ ହୋଇଅଛି, ଯାହା ତୁମ୍ଭେମାନେ ସେମାନଙ୍କ ମଧ୍ୟରେ ଅପବିତ୍ର କରିଅଛ, ଆମ୍ଭେ ଆପଣାର ସେହି ମହାନାମ ପବିତ୍ର କରିବା; ଆଉ, ଯେତେବେଳେ ଗୋଷ୍ଠୀୟମାନଙ୍କ ସାକ୍ଷାତରେ ଆମ୍ଭେ ତୁମ୍ଭମାନଙ୍କ ମଧ୍ୟରେ ପବିତ୍ରୀକୃତ ହେବା, ସେତେବେଳେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ ।
\s5
\v 24 କାରଣ ଆମ୍ଭେ ଗୋଷ୍ଠୀୟମାନଙ୍କ ମଧ୍ୟରୁ ତୁମ୍ଭମାନଙ୍କୁ ଗ୍ରହଣ କରିବା ଓ ସବୁ ଦେଶରୁ ତୁମ୍ଭମାନଙ୍କୁ ସଂଗ୍ରହ କରିବା ଓ ତୁମ୍ଭମାନଙ୍କର ନିଜ ଦେଶକୁ ତୁମ୍ଭମାନଙ୍କୁ ଆଣିବା ।
\v 25 ପୁଣି, ଆମ୍ଭେ ତୁମ୍ଭମାନଙ୍କ ଉପରେ ଶୁଚି ଜଳ ଝିଞ୍ଚିବା, ତହିଁରେ ତୁମ୍ଭେମାନେ ଶୁଚି ହେବ; ତୁମ୍ଭମାନଙ୍କର ସବୁ ଅଶୌଚରୁ ଓ ତୁମ୍ଭମାନଙ୍କର ସକଳ ପ୍ରତିମାଗଣଠାରୁ ଆମ୍ଭେ ତୁମ୍ଭମାନଙ୍କୁ ଶୁଚି କରିବା ।
\s5
\v 26 ଆହୁରି, ଆମ୍ଭେ ତୁମ୍ଭମାନଙ୍କୁ ଏକ ନୂତନ ହୃଦୟ ଦେବା ଓ ଆମ୍ଭେ ତୁମ୍ଭମାନଙ୍କ ଅନ୍ତରରେ ଏକ ନୂତନ ଆତ୍ମା ସ୍ଥାପନ କରିବା; ଆଉ, ଆମ୍ଭେ ତୁମ୍ଭମାନଙ୍କ ମାଂସ ମଧ୍ୟରୁ ପ୍ରସ୍ତରମୟ ହୃଦୟ କାଢ଼ି ନେବା ଓ ଆମ୍ଭେ ତୁମ୍ଭମାନଙ୍କୁ ମାଂସମୟ ହୃଦୟ ଦେବା ।
\v 27 ପୁଣି, ଆମ୍ଭେ ତୁମ୍ଭମାନଙ୍କ ଅନ୍ତରରେ ଆମ୍ଭର ପରମେଶ୍ୱରଙ୍କ ଆତ୍ମା ସ୍ଥାପନ କରିବା ଓ ତୁମ୍ଭମାନଙ୍କୁ ଆମ୍ଭର ବିଧିରୂପ ପଥରେ ଚଳାଇବା, ତହିଁରେ ତୁମ୍ଭେମାନେ ଆମ୍ଭର ଶାସନସକଳ ରକ୍ଷା କରି ପାଳନ କରିବ ।
\v 28 ପୁଣି, ଆମ୍ଭେ ତୁମ୍ଭମାନଙ୍କର ପିତୃପୁରୁଷଗଣକୁ ଯେଉଁ ଦେଶ ଦେଲୁ, ତହିଁରେ ତୁମ୍ଭେମାନେ ବାସ କରିବ ଓ ତୁମ୍ଭେମାନେ ଆମ୍ଭର ଲୋକ ହେବ ଓ ଆମ୍ଭେ ତୁମ୍ଭମାନଙ୍କର ପରମେଶ୍ୱର ହେବା ।
\s5
\v 29 ଆଉ, ଆମ୍ଭେ ତୁମ୍ଭମାନଙ୍କୁ ତୁମ୍ଭମାନଙ୍କର ସକଳ ଅଶୌଚରୁ ପରିତ୍ରାଣ କରିବା ଓ ଆମ୍ଭେ ଶସ୍ୟକୁ ଆହ୍ୱାନ କରି ତାହା ବୃଦ୍ଧି କରିବା ଓ ତୁମ୍ଭମାନଙ୍କ ଉପରେ ଦୁର୍ଭିକ୍ଷ ପକାଇବା ନାହିଁ ।
\v 30 ପୁଣି, ଆମ୍ଭେ ବୃକ୍ଷର ଫଳ ଓ କ୍ଷେତ୍ରର ଶସ୍ୟ ବୃଦ୍ଧି କରିବା, ତହିଁରେ ତୁମ୍ଭେମାନେ ଗୋଷ୍ଠୀୟମାନଙ୍କ ମଧ୍ୟରେ ଦୁର୍ଭିକ୍ଷ ସକାଶୁ ଆଉ ନିନ୍ଦା ପାଇବ ନାହିଁ ।
\v 31 ସେହି ସମୟରେ ତୁମ୍ଭେମାନେ ଆପଣାମାନଙ୍କର ମନ୍ଦ ଆଚରଣ ଓ ଯାହା ଉତ୍ତମ ନ ଥିଲା, ଏପରି କ୍ରିୟାସକଳ ସ୍ମରଣ କରିବ; ଆଉ, ତୁମ୍ଭେମାନେ ଆପଣାମାନଙ୍କର ଅଧର୍ମ ସକାଶୁ ଓ ଆପଣାମାନଙ୍କର ଘୃଣାଯୋଗ୍ୟ କ୍ରିୟା ସକାଶୁ ଆପଣାମାନଙ୍କର ଦୃଷ୍ଟିରେ ଆପେ ଘୃଣାସ୍ପଦ ହେବ ।
\s5
\v 32 ପ୍ରଭୁ, ସଦାପ୍ରଭୁ କହନ୍ତି, ତୁମ୍ଭେମାନେ ଜ୍ଞାତ ହୁଅ ଯେ, ଆମ୍ଭେ ତୁମ୍ଭମାନଙ୍କ ସକାଶୁ ଏହା କରୁ ନାହୁଁ; ହେ ଇସ୍ରାଏଲ ବଂଶ, ତୁମ୍ଭେମାନେ ଆପଣା ଆପଣାର ଆଚରଣ ସକାଶୁ ଲଜ୍ଜିତ ଓ ବିଷର୍ଣ୍ଣ ହୁଅ ।
\v 33 ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ଯେଉଁ ଦିନ ଆମ୍ଭେ ତୁମ୍ଭମାନଙ୍କର ସକଳ ଅଧର୍ମରୁ ତୁମ୍ଭମାନଙ୍କୁ ଶୁଚି କରିବା, ସେହି ଦିନ ଆମ୍ଭେ ନଗରସକଳକୁ ବସତିବିଶିଷ୍ଟ କରାଇବା ଓ ଉତ୍ସନ୍ନ ସ୍ଥାନସକଳ ନିର୍ମିତ ହେବ ।
\v 34 ପୁଣି, ଯେଉଁ ଦେଶ ପଥିକସକଳର ଦୃଷ୍ଟିରେ ଧ୍ୱଂସସ୍ଥାନ ହୋଇଥିଲା, ତହିଁରେ କୃଷିକାର୍ଯ୍ୟ କରାଯିବ ।
\s5
\v 35 ତହିଁରେ ଲୋକମାନେ କହିବେ, "ଏହି ଧ୍ୱଂସିତ ଦେଶ ଏଦନ ଉଦ୍ୟାନ ତୁଲ୍ୟ ହୋଇଅଛି; ଆଉ, ଏହି ଶୂନ୍ୟ, ଧ୍ୱଂସିତ ଓ ଉତ୍ପାଟିତ ନଗରସକଳ ପ୍ରାଚୀରବେଷ୍ଟିତ ଓ ବସତିସ୍ଥାନ ହୋଇଅଛି ।
\v 36 ସେତେବେଳେ ଆମ୍ଭେ ସଦାପ୍ରଭୁ ଯେ ଉତ୍ପାଟିତ ସ୍ଥାନସବୁ ନିର୍ମାଣ କରିଅଛୁ ଓ ଧ୍ୱଂସିତ ସ୍ଥାନରେ ରୋପଣ କରିଅଛୁ, ଏହା ତୁମ୍ଭମାନଙ୍କର ଚତୁର୍ଦ୍ଦିଗସ୍ଥିତ ଅବଶିଷ୍ଟ ଗୋଷ୍ଠୀୟମାନେ ଜ୍ଞାତ ହେବେ; ଆମ୍ଭେ ସଦାପ୍ରଭୁ ଏହା କହିଅଛୁ ଓ ଆମ୍ଭେ ଏହା ସଫଳ କରିବା ।
\s5
\v 37 ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ତଥାପି ଆମ୍ଭେ ଯେପରି ଇସ୍ରାଏଲ ବଂଶ ପକ୍ଷରେ ଏହା ସଫଳ କରିବା, ଏଥିପାଇଁ ଆମ୍ଭ ନିକଟରେ ସେମାନଙ୍କୁ ପ୍ରାର୍ଥନା କରିବାକୁ ହେବ; ଆମ୍ଭେ ପଲପରି ସେମାନଙ୍କର ପୁରୁଷଗଣଙ୍କୁ ବୃଦ୍ଧି କରିବା ।
\v 38 ଯେପରି ବଳିଯୋଗ୍ୟ ମେଷପଲ, ଯେପରି ନିରୂପିତ ପର୍ବମାନର ସମୟରେ ଯିରୂଶାଲମର ପଲ; ସେହିପରି ଶୂନ୍ୟ ନଗରସକଳ ପଲ ପଲ ମନୁଷ୍ୟରେ ପରିପୂର୍ଣ୍ଣ ହେବ; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ ।"
\s5
\c 37
\s ଶୁଷ୍କ ଅସ୍ଥିରେ ପରିପୂର୍ଣ୍ଣ ଉପତ୍ୟକା
\p
\v 1 ସଦାପ୍ରଭୁଙ୍କ ହସ୍ତ ମୋ' ଉପରେ ଅଧିଷ୍ଠିତ ହେଲା ଓ ସେ ତାହାଙ୍କ ଆତ୍ମାରେ ମୋତେ ବାହାରକୁ ନେଇଯାଇ ଉପତ୍ୟକାର ମଧ୍ୟସ୍ଥଳୀରେ ବସାଇଲେ; ଆଉ, ତାହା ଅସ୍ଥିରେ ପରିପୂର୍ଣ୍ଣ ଥିଲା ।
\v 2 ତହୁଁ ସେ ସେହି ଅସ୍ଥିସକଳର ନିକଟ ଦେଇ ଚାରିଆଡ଼େ ମୋତେ ଗମନ କରାଇଲେ; ଆଉ ଦେଖ, ସେହି ପ୍ରଶସ୍ତ ଉପତ୍ୟକାରେ ଅନେକ ଅସ୍ଥି ଥିଲା; ପୁଣି, ଦେଖ, ସେହି ସବୁ ଅତିଶୟ ଶୁଷ୍କ ଥିଲା ।
\v 3 ତହିଁରେ ସେ ମୋତେ କହିଲେ, "ହେ ମନୁଷ୍ୟ-ସନ୍ତାନ, ଏହି ସକଳ ଅସ୍ଥି କି ସଜୀବ ହୋଇ ପାରେ ?" ଏଥିରେ ମୁଁ ଉତ୍ତର କଲି, "ହେ ପ୍ରଭୁ, ସଦାପ୍ରଭୁ, ଆପଣ ତାହା ଜାଣନ୍ତି ।"
\s5
\v 4 ପୁନର୍ବାର ସେ ମୋତେ କହିଲେ, "ତୁମ୍ଭେ ଏହିସକଳ ଅସ୍ଥିର ଉଦ୍ଦେଶ୍ୟରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରି ସେମାନଙ୍କୁ କୁହ, ହେ ଶୁଷ୍କ ଅସ୍ଥିସକଳ, ତୁମ୍ଭେମାନେ ସଦାପ୍ରଭୁଙ୍କର ବାକ୍ୟ ଶୁଣ ।
\v 5 ପ୍ରଭୁ, ସଦାପ୍ରଭୁ ଏହିସକଳ ଅସ୍ଥିକୁ ଏହି କଥା କହନ୍ତି; ଦେଖ, ଆମ୍ଭେ ତୁମ୍ଭମାନଙ୍କ ମଧ୍ୟରେ ପ୍ରାଣବାୟୁ ପ୍ରବେଶ କରାଇବା ଓ ତୁମ୍ଭେମାନେ ଜୀବିତ ହେବ ।
\v 6 ପୁଣି, ଆମ୍ଭେ ତୁମ୍ଭମାନଙ୍କ ଉପରେ ପେଶୀରଜ୍ଜୁ ଦେବା ଓ ତୁମ୍ଭମାନଙ୍କ ଉପରେ ମାଂସ ଉତ୍ପନ୍ନ କରିବା, ଆଉ ଚର୍ମରେ ତୁମ୍ଭମାନଙ୍କୁ ଆଚ୍ଛାଦନ କରିବା ଓ ତୁମ୍ଭମାନଙ୍କ ମଧ୍ୟରେ ପ୍ରାଣବାୟୁ ଦେବା, ଆଉ ତୁମ୍ଭେମାନେ ଜୀବିତ ହେବ; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ ।"
\s5
\v 7 ଏଥିରେ ମୋତେ ଯେପରି ଆଜ୍ଞା ଦିଆଯାଇଥିଲା, ତଦନୁସାରେ ମୁଁ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କଲି; ପୁଣି, ମୁଁ ପ୍ରଚାର କରୁ କରୁ ଏକ ଶବ୍ଦ ହେଲା ଓ ଦେଖ, ଭୂମିକମ୍ପ ହେଲା, ଆଉ ଅସ୍ଥିସକଳ ଏକତ୍ର ହୋଇ ପ୍ରତ୍ୟେକ ଅସ୍ଥି ଆପଣା ଅସ୍ଥିରେ ସଂଯୁକ୍ତ ହେଲା ।
\v 8 ତହିଁରେ ମୁଁ ନିରୀକ୍ଷଣ କଲି, ଆଉ ଦେଖ, ସେହିସବୁ ଅସ୍ଥି ଉପରେ ପେଶୀରଜ୍ଜୁ ହେଲା ଓ ମାଂସ ଉତ୍ପନ୍ନ ହେଲା, ପୁଣି, ଚର୍ମ ସେହି ସବୁକୁ ଆଚ୍ଛାଦନ କଲା; ମାତ୍ର ସେହି ସବୁର ମଧ୍ୟରେ ପ୍ରାଣବାୟୁ ନ ଥିଲା ।
\s5
\v 9 ତହିଁରେ ସେ ମୋତେ କହିଲେ, "ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ବାୟୁ ଉଦ୍ଦେଶ୍ୟରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କର, ଭବିଷ୍ୟଦ୍‍ବାକ୍ୟ ପ୍ରଚାର କର ଓ ବାୟୁକୁ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ହେ ପ୍ରାଣବାୟୁ, ଚତୁର୍ଦ୍ଦିଗରୁ ଆସ ଓ ଏହି ହତ ଲୋକମାନେ ଯେପରି ଜୀବିତ ହେବେ, ଏଥିପାଇଁ ସେମାନଙ୍କ ଉପରେ ବହ ।"
\v 10 ତହୁଁ ସେ ମୋତେ ଯେପରି ଆଜ୍ଞା କଲେ, ତଦନୁସାରେ ମୁଁ ଭବିଷ୍ୟଦ୍‍-ବାକ୍ୟ ପ୍ରଚାର କରନ୍ତେ, ପ୍ରାଣବାୟୁ ସେମାନଙ୍କ ମଧ୍ୟକୁ ଆସିଲା, ଆଉ ସେମାନେ ଜୀବିତ ହେଲେ ଓ ଅତିଶୟ ମହାନ ସୈନ୍ୟବାହିନୀ ହୋଇ ଆପଣା ଆପଣା ଚରଣରେ ଠିଆ ହେଲେ ।
\s5
\v 11 ତେବେ ସେ ମୋତେ କହିଲେ, "ହେ ମନୁଷ୍ୟ-ସନ୍ତାନ, ଏହି ଅସ୍ଥିସକଳ ସମୁଦାୟ ଇସ୍ରାଏଲ ବଂଶ ଅଟନ୍ତି; ଦେଖ, ସେମାନେ କହନ୍ତି, ଆମ୍ଭମାନଙ୍କର ଅସ୍ଥିସବୁ ଶୁଷ୍କ ହୋଇଅଛି, ଆମ୍ଭମାନଙ୍କର ଭରସା ନଷ୍ଟ ହୋଇଅଛି; ଆମ୍ଭେମାନେ ସମ୍ପୂର୍ଣ୍ଣ ରୂପେ ଉଚ୍ଛିନ୍ନ ହୋଇଅଛୁ ।
\v 12 ଏଥିପାଇଁ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରି ସେମାନଙ୍କୁ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ହେ ଆମ୍ଭର ଲୋକେ, ଦେଖ, ଆମ୍ଭେ ତୁମ୍ଭମାନଙ୍କର କବର ମୁକ୍ତ କରିବା ଓ ତୁମ୍ଭମାନଙ୍କୁ ତୁମ୍ଭମାନଙ୍କ କବରରୁ ବାହାର କରାଇବା, ଆଉ ତୁମ୍ଭମାନଙ୍କୁ ଇସ୍ରାଏଲ ଦେଶକୁ ଆଣିବା ।
\s5
\v 13 ପୁଣି, ହେ ଆମ୍ଭର ଲୋକେ, ଆମ୍ଭେ ତୁମ୍ଭମାନଙ୍କର କବର ମୁକ୍ତ କରି ତୁମ୍ଭମାନଙ୍କୁ ତୁମ୍ଭମାନଙ୍କ କବରରୁ ବାହାର କରାଇଲେ, ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ ।
\v 14 ଆଉ, ଆମ୍ଭେ ତୁମ୍ଭମାନଙ୍କ ମଧ୍ୟରେ ଆପଣା ଆତ୍ମା ଦେବା, ତହିଁରେ ତୁମ୍ଭେମାନେ ଜୀବିତ ହେବ, ପୁଣି, ଆମ୍ଭେ ତୁମ୍ଭମାନଙ୍କ ନିଜ ଦେଶରେ ତୁମ୍ଭମାନଙ୍କୁ ବସାଇବା; ତହିଁରେ ଆମ୍ଭେ ସଦାପ୍ରଭୁ ଏହା କହିଅଛୁ ଓ ସଫଳ କରିଅଛୁ ବୋଲି ତୁମ୍ଭେମାନେ ଜାଣିବ," ଏହା ପ୍ରଭୁ, ସଦାପ୍ରଭୁ କହନ୍ତି ।
\s ଯିହୂଦା ଓ ଇସ୍ରାଏଲ ଏକ ରାଜ୍ୟଭୁକ୍ତ
\p
\s5
\v 15 ସଦାପ୍ରଭୁଙ୍କ ବାକ୍ୟ ପୁନର୍ବାର ମୋ' ନିକଟରେ ଉପସ୍ଥିତ ହେଲା, ଯଥା;
\v 16 "ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଏକ ଯଷ୍ଟି ନେଇ ତହିଁ ଉପରେ ଏହି କଥା ଲେଖ, ଯିହୂଦା ନିମନ୍ତେ ଓ ତାହାର ସଖା ଇସ୍ରାଏଲ-ସନ୍ତାନଗଣ ନିମନ୍ତେ; ତହିଁ ଉତ୍ତାରେ ଆଉ ଏକ ଯଷ୍ଟି ନେଇ ତହିଁ ଉପରେ ଏହି କଥା ଲେଖ, ଯୋଷେଫ ନିମନ୍ତେ, ଇଫ୍ରୟିମର ଓ ତାହାର ସଖା ସମୁଦାୟ ଇସ୍ରାଏଲ ବଂଶର ଯଷ୍ଟି;
\v 17 ଆଉ, ସେହି ଦୁଇ ଯଷ୍ଟି ଯେପରି ତୁମ୍ଭ ହସ୍ତରେ ଏକ ହେବ, ଏଥିପାଇଁ ସେହି ଦୁଇଯଷ୍ଟିକୁ ପରସ୍ପର ସହିତ ଯୋଡ଼ ।
\s5
\v 18 ପୁଣି, ତୁମ୍ଭ ଲୋକଙ୍କର ସନ୍ତାନଗଣ ଯେତେବେଳେ ତୁମ୍ଭଙ୍କୁ କହିବେ, ଏଥିରେ ତୁମ୍ଭର କି ଅଭିପ୍ରାୟ, ଏହା କି ତୁମ୍ଭେ ଆମ୍ଭମାନଙ୍କୁ ଜଣାଇବ ନାହିଁ ?
\v 19 ସେତେବେଳେ ତୁମ୍ଭେ ସେମାନଙ୍କୁ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଇଫ୍ରୟିମର ହସ୍ତରେ ଥିବା ଯୋଷେଫର ଯଷ୍ଟି, ପୁଣି, ତାହାର ସଖା ଇସ୍ରାଏଲୀୟ ଗୋଷ୍ଠୀସମୂହକୁ ଆମ୍ଭେ ନେବା; ଆଉ, ଆମ୍ଭେ ସେମାନଙ୍କୁ ତାହା ସଙ୍ଗେ, ଅର୍ଥାତ୍‍, ଯିହୂଦାର ଯଷ୍ଟି ସଙ୍ଗେ ଯୋଡ଼ି ସେମାନଙ୍କୁ ଏକ କରିବା, ତହିଁରେ ସେମାନେ ଆମ୍ଭ ହସ୍ତରେ ଏକ ଯଷ୍ଟି ହେବେ ।
\v 20 ଆଉ, ତୁମ୍ଭେ ଯେଉଁ ଦୁଇ ଯଷ୍ଟିରେ ଲେଖିବ, ତାହା ସେମାନଙ୍କ ସାକ୍ଷାତରେ ତୁମ୍ଭ ହସ୍ତରେ ରହିବ ।
\s5
\v 21 ପୁଣି, ତୁମ୍ଭେ ସେମାନଙ୍କୁ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ଦେଖ, ଇସ୍ରାଏଲର ସନ୍ତାନଗଣ ଯେଉଁ ଯେଉଁ ସ୍ଥାନକୁ ଯାଇଅଛନ୍ତି, ସେହି ସ୍ଥାନସ୍ଥ ଗୋଷ୍ଠୀୟମାନଙ୍କ ମଧ୍ୟରୁ ଆମ୍ଭେ ସେମାନଙ୍କୁ ଗ୍ରହଣ କରିବା ଓ ଚତୁର୍ଦ୍ଦିଗରୁ ସେମାନଙ୍କୁ ସଂଗ୍ରହ କରି ସେମାନଙ୍କର ନିଜ ଦେଶକୁ ଆଣିବା;
\v 22 ଆଉ, ସେହି ଦେଶରେ ଇସ୍ରାଏଲର ସକଳ ପର୍ବତ ଉପରେ ଆମ୍ଭେ ଏମାନଙ୍କୁ ଏକ ଗୋଷ୍ଠୀ କରିବା ଓ ଏକ ରାଜା ଯେ ସମସ୍ତଙ୍କର ରାଜା ହେବେ, ପୁଣି, ସେମାନେ ଆଉ ଦୁଇ ଗୋଷ୍ଠୀ ନୋହିବେ, କିଅବା ଆଉ କେବେ ଦୁଇ ରାଜ୍ୟରେ ବିଭକ୍ତ ହେବେ ନାହିଁ ।
\v 23 ପୁଣି, ସେମାନେ ଆପଣାମାନଙ୍କର ପ୍ରତିମାଗଣ ଦ୍ୱାରା କିଅବା ଘୃଣାଯୋଗ୍ୟ ବସ୍ତୁ ଦ୍ୱାରା ଅଥବା ଆପଣାମାନଙ୍କର କୌଣସି ଆଜ୍ଞା ଲଙ୍ଘନ ଦ୍ୱାରା ଆପଣାମାନଙ୍କୁ ଆଉ ଅଶୁଚି କରିବେ ନାହିଁ; ମାତ୍ର ସେମାନେ ଯେଉଁ ସକଳ ବାସସ୍ଥାନରେ ପାପ କରିଅଛନ୍ତି, ସେମାନଙ୍କର ସେହି ସକଳ ବାସସ୍ଥାନରୁ ଆମ୍ଭେ ସେମାନଙ୍କୁ ଉଦ୍ଧାର କରି ଶୁଚି କରିବା; ତହିଁରେ ସେମାନେ ଆମ୍ଭର ଲୋକ ହେବେ ଓ ଆମ୍ଭେ ସେମାନଙ୍କର ପରମେଶ୍ୱର ହେବା ।
\s5
\v 24 ପୁଣି, ଆମ୍ଭର ଦାସ ଦାଉଦ ସେମାନଙ୍କ ଉପରେ ରାଜା ହେବେ ଓ ସେହି ସମସ୍ତଙ୍କର ଏକ ପାଳକ ହେବେ; ସେମାନେ ମଧ୍ୟ ଆମ୍ଭର ଶାସନ ପଥରେ ଚାଲିବେ ଓ ଆମ୍ଭର ବିଧିସକଳ ରକ୍ଷା କରି ପାଳନ କରିବେ ।
\v 25 ଆଉ, ଆମ୍ଭେ ଆପଣା ଦାସ ଯାକୁବକୁ ଯେଉଁ ଦେଶ ଦେଇଅଛୁ ଓ ଯହିଁ ମଧ୍ୟରେ ତୁମ୍ଭମାନଙ୍କ ପିତୃପୁରୁଷଗଣ ବାସ କଲେ, ସେହି ଦେଶରେ ସେମାନେ ବାସ କରିବେ; ପୁଣି, ସେମାନେ, ଅର୍ଥାତ୍‍, ସେମାନେ, ସେମାନଙ୍କର ସନ୍ତାନମାନେ ଓ ସେମାନଙ୍କ ସନ୍ତାନଗଣର ସନ୍ତାନମାନେ ସଦା କାଳ ତହିଁ ମଧ୍ୟରେ ବାସ କରିବେ; ଆଉ, ଆମ୍ଭର ଦାସ ଦାଉଦ ସଦା କାଳ ସେମାନଙ୍କର ଅଧିପତି ହେବେ ।
\s5
\v 26 ଆହୁରି, ଆମ୍ଭେ ସେମାନଙ୍କ ସହିତ ଶାନ୍ତିର ଏକ ନିୟମ ସ୍ଥିର କରିବା; ତାହା ସେମାନଙ୍କ ସହିତ ଚିରକାଳୀନ ନିୟମ ହେବ; ପୁଣି, ଆମ୍ଭେ ସେମାନଙ୍କୁ ବସାଇବା ଓ ବଢ଼ାଇବା ଓ ସେମାନଙ୍କ ମଧ୍ୟରେ ସଦା କାଳ ଆମ୍ଭେ ଆପଣା ଧର୍ମଧାମ ସ୍ଥାପନ କରିବା ।
\v 27 ଆମ୍ଭର ଆବାସ ମଧ୍ୟ ସେମାନଙ୍କ ସଙ୍ଗରେ ରହିବ; ଆଉ, ଆମ୍ଭେ ସେମାନଙ୍କର ପରମେଶ୍ୱର ହେବା ଓ ସେମାନେ ଆମ୍ଭର ଲୋକ ହେବେ ।
\v 28 ପୁଣି, ଯେତେବେଳେ ଆମ୍ଭର ପବିତ୍ର ସ୍ଥାନ ସେମାନଙ୍କ ମଧ୍ୟରେ ସଦାକାଳ ରହିବ, ସେତେବେଳେ ଆମ୍ଭେ ଯେ ଇସ୍ରାଏଲର ପବିତ୍ରକାରୀ ସଦାପ୍ରଭୁ ଅଟୁ, ଏହା ଗୋଷ୍ଠୀୟମାନେ ଜାଣିବେ ।"
\s5
\c 38
\s ଗୋଗ୍‍ ବିରୁଦ୍ଧରେ ଭବିଷ୍ୟଦ୍‍ବାଣୀ
\p
\v 1 ଏଥିଉତ୍ତାରେ ସଦାପ୍ରଭୁଙ୍କର ଏହି ବାକ୍ୟ ମୋ' ନିକଟରେ ଉପସ୍ଥିତ ହେଲା, ଯଥା;
\v 2 "ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଗେଶର, ମେଶକ୍‍ର ଓ ତୁବଲର ଅଧିପତି ମାଗୋଗ୍‍ ଦେଶୀୟ ଗୋଗ୍‍ ପ୍ରତି ମୁଖ ରଖି ତାହା ବିରୁଦ୍ଧରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରି କୁହ,
\v 3 ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ହେ ଗେଶର, ମେଶକ୍‍ର ଓ ତୁବଲର ଅଧିପତି ଗୋଗ୍‍, ଦେଖ, ଆମ୍ଭେ ତୁମ୍ଭର ପ୍ରତିକୂଳ ଅଟୁ ।
\s5
\v 4 ପୁଣି, ଆମ୍ଭେ ତୁମ୍ଭକୁ ବୁଲାଇବା ଓ ତୁମ୍ଭ କଳପାଟିରେ ଅଙ୍କୁଶ ଦେବା, ଆଉ ଆମ୍ଭେ ତୁମ୍ଭକୁ ଓ ତୁମ୍ଭର ସୈନ୍ୟ ସମସ୍ତକୁ, ଅଶ୍ୱ ଓ ଅଶ୍ୱାରୋହୀଗଣଙ୍କୁ ବାହାର କରି ଆଣିବା, ସେମାନେ ସମସ୍ତେ ସମ୍ପୂର୍ଣ୍ଣ ଯୁଦ୍ଧ ସଜ୍ଜାରେ ସୁସଜ୍ଜିତ, ଫଳକ ଓ ଢାଲଧାରୀ ମହାସମାଜ, ସେମାନଙ୍କର ସମସ୍ତେ ଖଡ଼୍‍ଗଧାରୀ ଅଟନ୍ତି;
\v 5 ସେମାନଙ୍କ ସଙ୍ଗେ ପାରସ୍ୟ, କୂଶ ଓ ପୂଟ୍‍; ସେମାନେ ସମସ୍ତେ ଢାଲ ଓ ଟୋପରଧାରୀ;
\v 6 ଗୋମର ଓ ତାହାର ସମସ୍ତ ଲୋକଦଳ; ଉତ୍ତର ଦିଗର ପ୍ରାନ୍ତସୀମାସ୍ଥିତ ତୋଗର୍ମାର ବଂଶ ଓ ତାହାର ସମସ୍ତ ଲୋକଦଳକୁ; ଏହି ପ୍ରକାର ଅନେକ ଗୋଷ୍ଠୀୟମାନଙ୍କୁ ତୁମ୍ଭ ସଙ୍ଗେ ଆଣିବା ।
\s5
\v 7 ତୁମ୍ଭେ ପ୍ରସ୍ତୁତ ହୁଅ, ତୁମ୍ଭେ ଆପଣାକୁ ଓ ତୁମ୍ଭ ନିକଟରେ ଏକତ୍ରିତ ତୁମ୍ଭର ସମସ୍ତ ସମାଜକୁ ପ୍ରସ୍ତୁତ କର, ଆଉ ତୁମ୍ଭେ ସେମାନଙ୍କର ରକ୍ଷକ ହୁଅ ।
\v 8 ଅନେକ ଦିନ ଉତ୍ତାରେ ତୁମ୍ଭର ତତ୍ତ୍ୱାନୁସନ୍ଧାନ କରାଯିବ; ଶେଷ ବର୍ଷମାନର ମଧ୍ୟରେ ତୁମ୍ଭେ, ଖଡ଼୍‍ଗରୁ ପୁନରାନୀତ, ଅନେକ ଗୋଷ୍ଠୀ ମଧ୍ୟରୁ ସଂଗୃହୀତ ଦେଶକୁ, ଇସ୍ରାଏଲର ଚିର ଉତ୍ସନ୍ନ ପର୍ବତସକଳକୁ ଆସିବ; ମାତ୍ର ତାହା ନାନା ଗୋଷ୍ଠୀ ମଧ୍ୟରୁ ବାହାରେ ଆନୀତ ହୋଇଅଛି, ଆଉ ସେମାନେ, ସେମାନଙ୍କର ସମସ୍ତେ ନିରାପଦରେ ବାସ କରିବେ ।
\v 9 ପୁଣି, ତୁମ୍ଭେ ଉପରକୁ ଉଠି, ବତାସ ପରି ଆସିବ, ଦେଶକୁ ଆଚ୍ଛନ୍ନ କରିବା ପାଇଁ ତୁମ୍ଭେ, ଆଉ ତୁମ୍ଭର ସମସ୍ତ ସୈନ୍ୟଦଳ ଓ ତୁମ୍ଭ ସଙ୍ଗେ ଅନେକ ଗୋଷ୍ଠୀ ମେଘ ତୁଲ୍ୟ ହେବେ ।
\s5
\v 10 ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ସେହି ସମୟରେ ନାନା ବିଷୟ ତୁମ୍ଭ ମନରେ ପଡ଼ିବ ଓ ତୁମ୍ଭେ ଗୋଟିଏ ଅନିଷ୍ଟ ସଙ୍କଳ୍ପ କରିବ;
\v 11 ପୁଣି, ତୁମ୍ଭେ କହିବ, ଆମ୍ଭେ ପ୍ରାଚୀରହୀନ ଗ୍ରାମ ବିଶିଷ୍ଟ ଦେଶକୁ ଯିବା; ଯେଉଁମାନେ ଶାନ୍ତିରେ ଅଛନ୍ତି, ନିରାପଦରେ ଓ ପ୍ରାଚୀରହୀନ ସ୍ଥାନରେ ବାସ କରନ୍ତି ଓ ଯେଉଁମାନଙ୍କର ଅର୍ଗଳ କି କବାଟ ନାହିଁ;
\v 12 ଲୁଟିବାକୁ ଓ ଦ୍ରବ୍ୟ ଅପହରଣ କରିବାକୁ ଆମ୍ଭେ ସେମାନଙ୍କ ବିରୁଦ୍ଧରେ ଯାତ୍ରା କରିବା; ଯେଉଁ ସକଳ ଉତ୍ସନ୍ନ ସ୍ଥାନ ଏବେ ବସତିବିଶିଷ୍ଟ ହୋଇଅଛି, ତହିଁର ବିରୁଦ୍ଧରେ ଓ ଯେଉଁ ଗୋଷ୍ଠୀ ନାନା ଦେଶୀୟମାନଙ୍କ ମଧ୍ୟରୁ ସଂଗୃହୀତ ହୋଇଅଛନ୍ତି, ପଶୁ ଓ ଦ୍ରବ୍ୟାଦି ପ୍ରାପ୍ତ ହୋଇ ପୃଥିବୀର ମଧ୍ୟଭାଗରେ ବାସ କରୁଅଛନ୍ତି, ସେମାନଙ୍କ ବିରୁଦ୍ଧରେ ହସ୍ତାର୍ପଣ କରିବା ପାଇଁ (ତୁମ୍ଭେ ଯିବ) ।
\s5
\v 13 ଶିବା, ଦଦାନ ଓ ତର୍ଶୀଶର ବଣିକଗଣ, ଆଉ ସେଠାସ୍ଥିତ ସକଳ ଗ୍ରାମ ତୁମ୍ଭକୁ କହିବେ, ତୁମ୍ଭେ କି ଲୁଟିବାକୁ ଆସିଅଛ ? ତୁମ୍ଭେ କି ଦ୍ରବ୍ୟ ଅପହରଣ କରିବା ପାଇଁ ଆପଣାର ଜନସମାଜ ଏକତ୍ର କରିଅଛ ? ରୂପା, ସୁନା ବୋହି ନେବାର, ପଶୁ ଓ ଦ୍ରବ୍ୟାଦି ପ୍ରଚୁର ଲୁଟି ନେଇଯିବାର କି ତୁମ୍ଭର ଅଭିପ୍ରାୟ ?
\s5
\v 14 ଏଥିପାଇଁ ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଭବିଷ୍ୟଦ୍‍-ବାକ୍ୟ ପ୍ରଚାର କରି ଗୋଗ୍‍କୁ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି: ସେହି ଦିନ ଯେତେବେଳେ ଆମ୍ଭ ଇସ୍ରାଏଲର ଲୋକମାନେ ନିରାପଦରେ ବାସ କରିବେ, ସେତେବେଳେ ତୁମ୍ଭେ କି ତାହା ଜାଣିବ ନାହିଁ ?
\v 15 ପୁଣି, ତୁମ୍ଭେ ଆପଣା ସ୍ଥାନ, ଉତ୍ତର ଦିଗସ୍ଥ ପ୍ରାନ୍ତଭାଗରୁ ଆସିବ, ତୁମ୍ଭେ ଓ ତୁମ୍ଭ ସଙ୍ଗେ ଅନେକ ଗୋଷ୍ଠୀ ଆସିବେ, ସେମାନେ ସମସ୍ତେ ଅଶ୍ୱାରୋହୀ ମହାସମାଜ ଓ ବିକ୍ରମୀ ସୈନ୍ୟସାମନ୍ତ;
\v 16 ଆଉ, ତୁମ୍ଭେ ଦେଶକୁ ମେଘ ତୁଲ୍ୟ ଆଚ୍ଛାଦନ କରିବା ପାଇଁ ଆମ୍ଭ ଇସ୍ରାଏଲ ଲୋକଙ୍କ ବିରୁଦ୍ଧରେ ଆସିବ; ହେ ଗୋଗ୍‍, ଶେଷ କାଳରେ ଏହା ଘଟିବ ଯେ, ଗୋଷ୍ଠୀୟମାନେ ଯେପରି ଆମ୍ଭକୁ ଜାଣିବେ, ଏଥିପାଇଁ ଆମ୍ଭେ ତୁମ୍ଭକୁ ଆମ୍ଭ ଦେଶ ବିରୁଦ୍ଧରେ ଆଣିବା, ସେତେବେଳେ ଆମ୍ଭେ ଗୋଷ୍ଠୀୟମାନଙ୍କ ଦୃଷ୍ଟିରେ ତୁମ୍ଭ ମଧ୍ୟରେ ପବିତ୍ରୀକୃତ ହେବା ।
\s5
\v 17 ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି : ଆମ୍ଭେ ତୁମ୍ଭକୁ ସେମାନଙ୍କ ବିରୁଦ୍ଧରେ ଆଣିବା ବୋଲି ଯାହାର ବିଷୟରେ ପ୍ରାଚୀନ କାଳରେ ଆପଣା ଦାସଗଣ ଦ୍ୱାରା, ଅର୍ଥାତ୍‍, ଯେଉଁମାନେ ସେହି କାଳରେ ଅନେକ ବର୍ଷଯାଏ ଭବିଷ୍ୟଦ୍‍-ବାକ୍ୟ ପ୍ରଚାର କରିଥିଲେ, ଏପରି ଯେ ଇସ୍ରାଏଲ ଭବିଷ୍ୟଦ୍‍-ବକ୍ତାଗଣ, ସେମାନଙ୍କ ଦ୍ୱାରା ଆମ୍ଭେ କହିଥିଲୁ, ତୁମ୍ଭେ କି ସେହି ବ୍ୟକ୍ତି ?
\v 18 ପୁଣି, ପ୍ରଭୁ, ସଦାପ୍ରଭୁ କହନ୍ତି, ଯେଉଁ ଦିନ ଗୋଗ୍‍ ଇସ୍ରାଏଲ ଦେଶ ବିରୁଦ୍ଧରେ ଆସିବ, ସେହି ସମୟରେ ଆମ୍ଭର କୋପ ଆମ୍ଭର ନାସାରନ୍ଧ୍ରକୁ ଉଠିବ ।
\s5
\v 19 କାରଣ ଆମ୍ଭେ ଆପଣା ଅନ୍ତର୍ଜ୍ଜାଳା ଓ କୋପାନଳରେ କହିଅଛୁ, ଅବଶ୍ୟ ସେହି ଦିନ ଇସ୍ରାଏଲ ଦେଶରେ ମହାକମ୍ପ ହେବ;
\v 20 ତହିଁରେ ସମୁଦ୍ରର ମତ୍ସ୍ୟଗଣ, ଆକାଶର ପକ୍ଷୀଗଣ ଓ କ୍ଷେତ୍ରର ପଶୁଗଣ ଓ ଭୂଚର ଉରୋଗାମୀ ଜନ୍ତୁସମସ୍ତ, ଆଉ ପୃଥିବୀସ୍ଥ ମନୁଷ୍ୟ ସକଳ ଆମ୍ଭ ସାକ୍ଷାତରେ କମ୍ପମାନ ହେବେ ଓ ପର୍ବତସବୁ ଉତ୍ପାଟିତ ହେବେ, ଆଉ ଗଡ଼ନ୍ତି ସ୍ଥାନସବୁ ପଡ଼ିଯିବ ଓ ପ୍ରତ୍ୟେକ ପ୍ରାଚୀର ଭୂମିସାତ୍‍ ହେବ ।
\s5
\v 21 ପୁଣି, ଆମ୍ଭେ ତାହାର ବିରୁଦ୍ଧରେ ଖଡ଼୍‍ଗ ପାଇଁ ଆମ୍ଭର ପର୍ବତ-ସକଳକୁ ଆହ୍ୱାନ କରିବା; ଏହା ପ୍ରଭୁ, ସଦାପ୍ରଭୁ କହନ୍ତି; ପ୍ରତ୍ୟେକ ଲୋକର ଖଡ଼୍‍ଗ ତାହାର ଭ୍ରାତାର ପ୍ରତିକୂଳ ହେବ ।
\v 22 ପୁଣି, ଆମ୍ଭେ ମହାମାରୀ ଓ ରକ୍ତ ଦ୍ୱାରା ତାହା ବିରୁଦ୍ଧରେ ପ୍ରତିବାଦ କରିବା; ଆଉ, ଆମ୍ଭେ ତାହା ଉପରେ ଓ ତାହାର ସୈନ୍ୟଦଳର ଉପରେ ଓ ତାହାର ସଙ୍ଗୀ ଅନେକ ଗୋଷ୍ଠୀର ଉପରେ ପ୍ଳାବନକାରୀ ବୃଷ୍ଟି, ବୃହତ୍‍ ବୃହତ୍‍ ଶିଳା, ଅଗ୍ନି ଓ ଗନ୍ଧକ ବର୍ଷାଇବା ।
\v 23 ପୁଣି, ଆମ୍ଭେ ଆପଣାକୁ ମହାନ କରିବା ଓ ଆପଣାକୁ ପବିତ୍ରୀକୃତ କରିବା, ଆଉ ଅନେକ ଗୋଷ୍ଠୀର ସାକ୍ଷାତରେ ଆପଣାର ପରିଚୟ ଦେବା; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ ।"
\s5
\c 39
\p
\v 1 "ପୁଣି, ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଗୋଗ୍‍ ବିରୁଦ୍ଧରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରି କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ହେ ଗେଶର, ମେଶକ୍‍ର ଓ ତୁବଲର ଅଧିପତି ଗୋଗ୍‍, ଦେଖ, ଆମ୍ଭେ ତୁମ୍ଭର ପ୍ରତିକୂଳ ଅଟୁ;
\v 2 ପୁଣି, ଆମ୍ଭେ ତୁମ୍ଭକୁ ବୁଲାଇବା ଓ ତୁମ୍ଭକୁ କଢ଼ାଇ ନେବା, ଆଉ ଉତ୍ତର ଦିଗର ପ୍ରାନ୍ତ ଭାଗରୁ ତୁମ୍ଭକୁ ଅଣାଇବା; ଆଉ, ଆମ୍ଭେ ଇସ୍ରାଏଲର ପର୍ବତସମୂହର ଉପରକୁ ତୁମ୍ଭକୁ ଆଣିବା;
\v 3 ପୁଣି, ଆମ୍ଭେ ଆଘାତ କରି ତୁମ୍ଭ ବାମ ହସ୍ତରୁ ତୁମ୍ଭ ଧନୁ ଖସାଇବା ଓ ତୁମ୍ଭର ଦକ୍ଷିଣ ହସ୍ତରୁ ତୁମ୍ଭ ତୀରସବୁ କଢ଼ାଇ ପକାଇବା ।
\s5
\v 4 ଇସ୍ରାଏଲର ପର୍ବତଗଣ ଉପରେ ତୁମ୍ଭେ ପତିତ ହେବ, ତୁମ୍ଭର ସକଳ ସୈନ୍ୟଦଳ ଓ ତୁମ୍ଭ ସଙ୍ଗୀ ଗୋଷ୍ଠୀଗଣ ପତିତ ହେବେ; ଆମ୍ଭେ ସବୁ ପ୍ରକାର ହିଂସ୍ରକ ପକ୍ଷୀଗୁଡିକୁ ଓ କ୍ଷେତ୍ରସ୍ଥ ପଶୁଗଣର ଗ୍ରାସର ନିମନ୍ତେ ତୁମ୍ଭକୁ ସମର୍ପଣ କରିବା ।
\v 5 ତୁମ୍ଭେ ପଡ଼ିଆରେ ପତିତ ହେବ; କାରଣ ଆମ୍ଭେ ଏହା କହିଅଛୁ, ପ୍ରଭୁ, ସଦାପ୍ରଭୁ ଏହା କହନ୍ତି ।
\v 6 ପୁଣି, ଆମ୍ଭେ ମାଗୋଗ୍‍ର ଉପରେ ଓ ଦ୍ୱୀପସମୂହରେ ନିରାପଦରେ ବାସକାରୀମାନଙ୍କ ଉପରେ ଅଗ୍ନି ପ୍ରେରଣ କରିବା; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ ।
\s5
\v 7 ଆଉ, ଆମ୍ଭେ ଆମ୍ଭର ଇସ୍ରାଏଲ ଲୋକଙ୍କ ମଧ୍ୟରେ ଆପଣା ପବିତ୍ର ନାମ ଜ୍ଞାତ କରାଇବା ଓ ଆମ୍ଭର ପବିତ୍ର ନାମ ଆଉ ଅପବିତ୍ରୀକୃତ ହେବାକୁ ଦେବା ନାହିଁ, ତହିଁରେ ଆମ୍ଭେ ଯେ ଇସ୍ରାଏଲ ମଧ୍ୟରେ ପବିତ୍ର ସଦାପ୍ରଭୁ ଅଟୁ, ଏହା ଗୋଷ୍ଠୀୟମାନେ ଜାଣିବେ ।
\v 8 ଦେଖ, ତାହା ଆସୁଅଛି ଓ ତାହା ସିଦ୍ଧ ହେବ, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି; ଯେଉଁ ଦିନର ବିଷୟ ଆମ୍ଭେ କହିଅଛୁ, ଏହା ସେହି ଦିନ ।
\s5
\v 9 ପୁଣି, ଇସ୍ରାଏଲର ନଗରସମୂହରେ ବାସକାରୀ ଲୋକମାନେ ବାହାରେ ଯାଇ, ଢାଲ ଓ ଫଳକ, ଧନୁ ଓ ତୀର, ଆଉ ଯଷ୍ଟି ଓ ବର୍ଚ୍ଛା, ଏହି ସକଳ ଅସ୍ତ୍ରଶସ୍ତ୍ର ଅଗ୍ନିରେ ଜଳାଇବେ, ସେମାନେ ସାତ ବର୍ଷ ପର୍ଯ୍ୟନ୍ତ ସେହିସବୁ ନେଇ ଅଗ୍ନିରେ ଜ୍ୱଳାଇବେ;
\v 10 ଏହିରୂପେ ସେମାନେ ପଦାରୁ କାଠ ଆଣିବେ ନାହିଁ; କି ବନରୁ କିଛି କାଟିବେ ନାହିଁ; କାରଣ ସେମାନେ ଅସ୍ତ୍ରଶସ୍ତ୍ର ନେଇ ଅଗ୍ନିରେ ଜ୍ୱଳାଇବେ; ଆଉ, ଆପଣା ଲୁଣ୍ଠନକାରୀମାନଙ୍କର ଧନ ଲୁଣ୍ଠନ କରିବେ ଓ ଯେଉଁମାନେ ସେମାନଙ୍କର ସମ୍ପତ୍ତି ଅପହରଣ କଲେ, ସେମାନଙ୍କର ସମ୍ପତ୍ତି ଅପହରଣ କରିବେ, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି ।
\s5
\v 11 ପୁଣି, ଆମ୍ଭେ ସେହି ଦିନ ଗୋଗ୍‍କୁ ଇସ୍ରାଏଲ ମଧ୍ୟରେ କବର-ସ୍ଥାନ ନିମନ୍ତେ, ସମୁଦ୍ରର ପୂର୍ବଦିଗସ୍ଥ ପଥିକମାନଙ୍କ ଉପତ୍ୟକା ଦେବା; ତାହା ପଥିକମାନଙ୍କର ଗମନ ରୋଧ କରିବ ଓ ସେତୁ ସ୍ଥାନରେ ଲୋକମାନେ ଗୋଗ୍‍କୁ ଓ ତାହାର ସମସ୍ତ ଲୋକାରଣ୍ୟକୁ କବର ଦେବେ; ଆଉ, ସେହି ସ୍ଥାନକୁ ସେମାନେ ହାମୋନ-ଗୋଗ୍‍ର ଉପତ୍ୟକା ବୋଲି ନାମ ଦେବେ ।
\s5
\v 12 ପୁଣି, ଦେଶକୁ ଶୁଚି କରିବା ନିମନ୍ତେ ସେମାନଙ୍କୁ କବର ଦେବା ପାଇଁ ଇସ୍ରାଏଲ ବଂଶକୁ ସାତ ମାସ ଲାଗିବ ।
\v 13 ହଁ, ଦେଶର ସମସ୍ତ ଲୋକ ସେମାନଙ୍କୁ କବର ଦେବେ; ପୁଣି, ପ୍ରଭୁ, ସଦାପ୍ରଭୁ କହନ୍ତି, ଆମ୍ଭେ ଗୌରବାନ୍ୱିତ ହେବା ଦିନ ସେମାନଙ୍କ ପକ୍ଷରେ ତାହା ଯଶସ୍ୱରୂପ ହେବ ।
\s5
\v 14 ପୁଣି, ସେମାନେ ନିତ୍ୟ କାର୍ଯ୍ୟରେ ନିଯୁକ୍ତ ଲୋକମାନଙ୍କୁ ପୃଥକ୍‍ କରିବେ, ସେହି ଲୋକମାନେ ଦେଶ ଶୁଚି କରିବା ପାଇଁ, ପଥିକମାନଙ୍କ ମଧ୍ୟରୁ ଭୂମିରେ ଅବଶିଷ୍ଟ ଥିବା ଲୋକମାନଙ୍କୁ କବର ଦେବା ନିମନ୍ତେ ଦେଶ ମଧ୍ୟ ଦେଇ ଗମନ କରିବେ; ସାତ ମାସ ଶେଷ ହେଲା ଉତ୍ତାରେ ସେମାନେ ଅନୁସନ୍ଧାନ କରିବେ ।
\v 15 ପୁଣି, ସେହି ଗମନକାରୀମାନେ ଦେଶ ମଧ୍ୟ ଦେଇ ଗମନ କରିବେ ଓ କେହି ମନୁଷ୍ୟର ଅସ୍ଥି ଦେଖିଲେ ସେ ତାହା ନିକଟରେ ଗୋଟିଏ ଚିହ୍ନ ରଖିବ, ତହୁଁ କବର ଦେବା ଲୋକମାନେ ହାମୋନ-ଗୋଗ୍‍ ଉପତ୍ୟକାରେ ତାହାର କବର ଦେବେ ।
\v 16 ଆହୁରି, ଏକ ନଗରର ନାମ ହାମୋନା (ଲୋକାରଣ୍ୟ) ହେବ । ଏହିରୂପେ ସେମାନେ ଦେଶ ଶୁଚି କରିବେ ।
\s5
\v 17 ପୁଣି, ହେ ମନୁଷ୍ୟ-ସନ୍ତାନ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭେ ସବୁ ପ୍ରକାର ପକ୍ଷୀଗଣକୁ ଓ ପ୍ରତ୍ୟେକ ବନ୍ୟ ପଶୁକୁ କୁହ, "ତୁମ୍ଭେମାନେ ଏକତ୍ର ହୋଇ ଆସ; ତୁମ୍ଭେମାନେ ମାଂସ ଖାଇବା ନିମନ୍ତେ ଓ ରକ୍ତ ପିଇବା ନିମନ୍ତେ ଆମ୍ଭ ଯଜ୍ଞର ଚାରିଆଡ଼େ ଏକତ୍ର ହୁଅ, ଆମ୍ଭେ ଇସ୍ରାଏଲର ପର୍ବତଗଣ ଉପରେ ତୁମ୍ଭମାନଙ୍କ ନିମନ୍ତେ ଯଜ୍ଞ, ଏକ ମହାଯଜ୍ଞ କରୁଅଛୁ ।
\v 18 ତୁମ୍ଭେମାନେ ବୀରମାନଙ୍କର ମାଂସ ଖାଇବ ଓ ଭୂପତିମାନଙ୍କର ରକ୍ତ ପିଇବ, ସେମାନେ ସମସ୍ତେ ବାଶନ ଦେଶୀୟ ହୃଷ୍ଟପୁଷ୍ଟ ମେଷ, ମେଷବତ୍ସ, ଛାଗ ଓ ବୃଷ ସ୍ୱରୂପ ଅଟନ୍ତି ।
\s5
\v 19 ଆମ୍ଭେ ତୁମ୍ଭମାନଙ୍କ ନିମନ୍ତେ ଯେଉଁ ଯଜ୍ଞ କରୁଅଛୁ, ଆମ୍ଭର ସେହି ଯଜ୍ଞରୁ ତୁମ୍ଭେମାନେ ତୃପ୍ତ ହେବା ପର୍ଯ୍ୟନ୍ତ ମେଦ ଖାଇବ ଓ ମତ୍ତ ହେବା ପର୍ଯ୍ୟନ୍ତ ରକ୍ତ ପିଇବ ।
\v 20 ଆଉ, ତୁମ୍ଭେମାନେ ଆମ୍ଭ ମେଜରେ ଅଶ୍ୱ, ରଥ, ବୀର ଓ ସବୁ ଯୋଦ୍ଧାମାନଙ୍କୁ ଖାଇ ତୃପ୍ତ ହେବ," ଏହା ପ୍ରଭୁ, ସଦାପ୍ରଭୁ କହନ୍ତି ।
\s ଇସ୍ରାଏଲର ପୁନଃ ପ୍ରତିଷ୍ଠା
\p
\s5
\v 21 ପୁଣି, ଆମ୍ଭେ ଗୋଷ୍ଠୀଗଣଙ୍କ ମଧ୍ୟରେ ଆପଣାର ଗୌରବ ସ୍ଥାପନ କରିବା, ତହିଁରେ ଆମ୍ଭେ ଯାହା ସଫଳ କରିଅଛୁ, ଆମ୍ଭର ସେହି ଶାସନ ଓ ଆମ୍ଭେ ସେମାନଙ୍କ ଉପରେ ଆପଣାର ଯେଉଁ ହସ୍ତ ଥୋଇଅଛୁ, ତାହା ସକଳ ଗୋଷ୍ଠୀ ଦେଖିବେ ।
\v 22 ଏହିରୂପେ ସେହି ଦିନ ଓ ସେହି ଦିନଠାରୁ ଇସ୍ରାଏଲ ବଂଶ ଜାଣିବେ ଯେ, ଆମ୍ଭେ ସଦାପ୍ରଭୁ, ସେମାନଙ୍କର ପରମେଶ୍ୱର ଅଟୁ ।
\s5
\v 23 ପୁଣି, ଗୋଷ୍ଠୀଗଣ ଜାଣିବେ ଯେ, ଇସ୍ରାଏଲ ବଂଶ ନିଜ ଅଧର୍ମ ସକାଶୁ ବନ୍ଦୀ ହୋଇ ଯାଇଥିଲେ, କାରଣ ସେମାନେ ଆମ୍ଭ ବିରୁଦ୍ଧରେ ସତ୍ୟଲଙ୍ଘନ ଅପରାଧ କରିବାରୁ ଆମ୍ଭେ ସେମାନଙ୍କଠାରୁ ଆପଣା ମୁଖ ଲୁଚାଇଲୁ; ତହୁଁ ଆମ୍ଭେ ସେମାନଙ୍କୁ ସେମାନଙ୍କ ବିପକ୍ଷଗଣର ହସ୍ତରେ ସମର୍ପଣ କଲୁ, ତହିଁରେ ସେମାନେ ସମସ୍ତେ ଖଡ଼୍‍ଗ ଦ୍ୱାରା ହତ ହେଲେ ।
\v 24 ସେମାନଙ୍କର ଅଶୁଚିତା, ଆଉ ସେମାନଙ୍କର ଅପରାଧ ଅନୁସାରେ ଆମ୍ଭେ ସେମାନଙ୍କ ପ୍ରତି ବ୍ୟବହାର କଲୁ ଓ ସେମାନଙ୍କଠାରୁ ଆପଣା ମୁଖ ଲୁଚାଇଲୁ ।
\s5
\v 25 ଏହେତୁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ଏବେ ଆମ୍ଭେ ଯାକୁବର ବନ୍ଦୀତ୍ୱାବସ୍ଥା ପରିବର୍ତ୍ତନ କରିବା ଓ ସମୁଦାୟ ଇସ୍ରାଏଲ ବଂଶ ପ୍ରତି ଦୟା କରିବା; ଆଉ, ଆମ୍ଭେ ଆପଣା ପବିତ୍ର ନାମ ପକ୍ଷରେ ଉଦ୍‍ଯୋଗୀ ହେବା ।
\v 26 ପୁଣି, ସେମାନେ ଯେତେବେଳେ ଆପଣାମାନଙ୍କ ଦେଶରେ ନିରାପଦରେ ବାସ କରିବେ ଓ କେହି ସେମାନଙ୍କୁ ଭୟ ନ ଦେଖାଇବ, ଯେତେବେଳେ ଆମ୍ଭେ ନାନା ଗୋଷ୍ଠୀ ମଧ୍ୟରୁ ସେମାନଙ୍କୁ ପୁନର୍ବାର ଆଣିବା ଓ ସେମାନଙ୍କ ଶତ୍ରୁଗଣର ଦେଶରୁ ସେମାନଙ୍କୁ ସଂଗ୍ରହ କରିବା, ଆଉ ଅନେକ ଗୋଷ୍ଠୀ ସାକ୍ଷାତରେ ସେମାନଙ୍କ ମଧ୍ୟରେ ପବିତ୍ରୀକୃତ ହେବା;
\v 27 ସେତେବେଳେ ସେମାନେ ଆପଣାମାନଙ୍କର ଅପମାନ ଓ ଆମ୍ଭ ବିରୁଦ୍ଧରେ ଯେଉଁସବୁ ସତ୍ୟ ଲଙ୍ଘନ କଲେ, ସେହି ସକଳ ସତ୍ୟ ଲଙ୍ଘନର ଫଳ ଭୋଗ କରିବେ ।
\s5
\v 28 ପୁଣି, ଆମ୍ଭେ ଯେ ସଦାପ୍ରଭୁ ସେମାନଙ୍କର ପରମେଶ୍ୱର ଅଟୁ, ଆମ୍ଭେ ନାନା ଗୋଷ୍ଠୀ ମଧ୍ୟରେ ସେମାନଙ୍କୁ ନିର୍ବାସିତ କରାଇଲୁ ଓ ପୁନର୍ବାର ସେମାନଙ୍କ ନିଜ ଦେଶରେ ସେମାନଙ୍କୁ ସଂଗ୍ରହ କରିଅଛୁ, ଏହା ସେମାନେ ଜାଣିବେ; ପୁଣି, ଆମ୍ଭେ ସେମାନଙ୍କର କାହାକୁ ହିଁ ଆଉ ସେଠାରେ ଅବଶିଷ୍ଟ ରଖିବା ନାହିଁ ।
\v 29 ଆଉ, ଆମ୍ଭେ ସେମାନଙ୍କଠାରୁ ଆପଣା ମୁଖ ଆଉ ଲୁଚାଇବା ନାହିଁ; କାରଣ ଆମ୍ଭେ ଇସ୍ରାଏଲ ବଂଶ ଉପରେ ନିଜ ଆତ୍ମା ଢାଳିଅଛୁ," ଏହା ପ୍ରଭୁ, ସଦାପ୍ରଭୁ କହନ୍ତି ।
\s5
\c 40
\s ନୂତନ ମନ୍ଦିରର ଦର୍ଶନ
\p
\v 1 ଆମ୍ଭମାନଙ୍କ ନିର୍ବାସନର ପଚିଶ ବର୍ଷରେ, ବର୍ଷର ଆରମ୍ଭରେ ମାସର ଦଶମ ଦିନରେ, ଅର୍ଥାତ୍‍, ନଗର ନିପାତିତ ହେଲା ଉତ୍ତାରେ ଚତୁର୍ଦ୍ଦଶ ବର୍ଷର ଉକ୍ତ ଦିବସରେ ସଦାପ୍ରଭୁଙ୍କର ହସ୍ତ ମୋ' ଉପରେ ଅଧିଷ୍ଠିତ ଥିଲା ଓ ସେ ମୋତେ ସେହି ସ୍ଥାନରେ ଉପସ୍ଥିତ କରାଇଲେ ।
\v 2 ଈଶ୍ୱରୀୟ ଦର୍ଶନ ଯୋଗେ ସେ ମୋତେ ଇସ୍ରାଏଲ ଦେଶକୁ ଆଣି ଅତି ଉଚ୍ଚ ଏକ ପର୍ବତରେ ବସାଇଲେ, ତହିଁ ଉପରେ, ଦକ୍ଷିଣ ଦିଗରେ ଗୋଟିଏ ନଗର ତୁଲ୍ୟ ଆକୃତି ଥିଲା ।
\s5
\v 3 ସେ ମୋତେ ସେସ୍ଥାନକୁ ନେଇଗଲେ, ଆଉ ଦେଖ, ସେଠାରେ ଏକ ପୁରୁଷ ଥିଲେ, ପିତ୍ତଳର ଆଭା ତୁଲ୍ୟ ତାଙ୍କର ଆଭା, ତାଙ୍କ ହସ୍ତରେ ଛଣପଟର ଏକ ରଜ୍ଜୁ ଓ ପରିମାପକ ଏକ ନଳ ଥିଲା ଓ ସେ ଦ୍ୱାରରେ ଠିଆ ହୋଇଥିଲେ ।
\v 4 ଏଥିରେ ସେ ପୁରୁଷ ମୋତେ କହିଲେ, "ହେ ମନୁଷ୍ୟ-ସନ୍ତାନ, ଆମ୍ଭେ ତୁମ୍ଭକୁ ଯାହା ଯାହା ଦେଖାଇବା, ସେହି ସବୁ ତୁମ୍ଭେ ଆପଣା ଚକ୍ଷୁରେ ଦେଖ ଓ ଆପଣା କର୍ଣ୍ଣରେ ଶୁଣ ଓ ତହିଁରେ ମନୋନିବେଶ କର; କାରଣ ଆମ୍ଭେ ଯେପରି ସେହି ସବୁ ତୁମ୍ଭକୁ ଦେଖାଉ, ଏ ଅଭିପ୍ରାୟରେ ତୁମ୍ଭେ ଏଠାକୁ ଆନୀତ ହୋଇଅଛ; ତୁମ୍ଭେ ଯାହା ଯାହା ଦେଖିବ, ତାହାସବୁ ଇସ୍ରାଏଲ ବଂଶକୁ ଜ୍ଞାତ କରାଅ ।"
\s ପୂର୍ବ ଦିଗର ଦ୍ୱାର
\p
\s5
\v 5 ଆଉ ଦେଖ, ଗୃହର ବାହାରେ ଚତୁର୍ଦ୍ଦିଗରେ ଏକ ପ୍ରାଚୀର ଥିଲା ଓ ସେହି ପୁରୁଷଙ୍କ ହସ୍ତରେ ଏକ ପରିମାପକ ନଳ ଥିଲା, ତାହା ଛଅ ହାତ ଦୀର୍ଘ, ପ୍ରତ୍ୟେକ ହାତ ଏକ ହାତ ଚାରି ଅଙ୍ଗୁଳି ପରିମିତ; ତହିଁରେ ସେ ଗୃହର "ସ୍ଥୂଳତା" ଏକ ନଳ ଓ ଉଚ୍ଚତା ଏକ ନଳ ମାପିଲେ ।
\v 6 ଏଉତ୍ତାରେ ସେ ପୂର୍ବାଭିମୁଖ ଦ୍ୱାରକୁ ଆସି ତହିଁର ପାବଚ୍ଛ ଦେଇ ଉପରକୁ ଉଠିଲେ; ଆଉ, ଦ୍ୱାରର ସମ୍ମୁଖ ସ୍ଥାନର ପ୍ରସ୍ଥ ଏକ ନଳ ଓ ଅନ୍ୟ ସମ୍ମୁଖ ସ୍ଥାନର ପ୍ରସ୍ଥ ଏକ ନଳ ମାପିଲେ ।
\v 7 ପୁଣି, ପ୍ରତ୍ୟେକ କ୍ଷୁଦ୍ର କୋଠରୀ ଏକ ନଳ ଦୀର୍ଘ ଓ ଏକ ନଳ ପ୍ରସ୍ଥ ଥିଲା; ଆଉ, ପ୍ରତ୍ୟେକ କ୍ଷୁଦ୍ର କୋଠରୀର ମଧ୍ୟରେ ପାଞ୍ଚ ପାଞ୍ଚ ହାତ ଛଡ଼ା ଥିଲା ଓ ଗୃହାଭିମୁଖ ଦ୍ୱାରର ବରଣ୍ଡା ନିକଟସ୍ଥ ଦ୍ୱାରର ସମ୍ମୁଖ ସ୍ଥାନ ଏକ ନଳ ଥିଲା ।
\s5
\v 8 ଗୃହାଭିମୁଖ ଦ୍ୱାରର ବରଣ୍ଡା ମଧ୍ୟ ସେ ଏକ ନଳ ମାପିଲେ ।
\v 9 ତହୁଁ ସେ ଦ୍ୱାରର ବରଣ୍ଡା ଆଠ ହାତ ମାପିଲେ ଓ ତହିଁର ଉପସ୍ତମ୍ଭସକଳ ଦୁଇ ହାତ ଥିଲା; ପୁଣି, ଦ୍ୱାରର ବରଣ୍ଡା ଗୃହ ପ୍ରତି ଥିଲା ।
\v 10 ଆଉ, ପୂର୍ବାଭିମୁଖ ଦ୍ୱାରର କ୍ଷୁଦ୍ର କୋଠରୀ ଏପାଖରେ ତିନି ଓ ସେପାଖରେ ତିନି ଥିଲା; ସେ ତିନିର ମାପ ଏକ ସମାନ ଥିଲା; ଆଉ, ଏପାଖ ଓ ସେପାଖ ସ୍ତମ୍ଭସବୁର ଏକ ସମାନ ମାପ ଥିଲା ।
\s5
\v 11 ପୁଣି, ସେ ଦ୍ୱାରର ପ୍ରବେଶ-ସ୍ଥାନର ପ୍ରସ୍ଥ ଦଶ ହାତ ଓ ଦ୍ୱାରର ଦୀର୍ଘତା ତେର ହାତ ମାପିଲେ,
\v 12 ଆଉ କ୍ଷୁଦ୍ର କୋଠରୀ ସକଳର ସମ୍ମୁଖରେ, ଏପାଖରେ ଏକ ହାତ, ସେପାଖରେ ଏକ ହାତ ପ୍ରାନ୍ତ ଥିଲା ଓ ପ୍ରତ୍ୟେକ କ୍ଷୁଦ୍ର କୋଠରୀ ଏକ ପାଖରେ ଛଅ ହାତ, ଅନ୍ୟ ପାଖରେ ଛଅ ହାତ ଥିଲା ।
\v 13 ପୁଣି, ସେ ଏକ କ୍ଷୁଦ୍ର କୋଠରୀର ଛାତଠାରୁ ଅନ୍ୟ କ୍ଷୁଦ୍ର କୋଠରୀର ଛାତ ପର୍ଯ୍ୟନ୍ତ ଦ୍ୱାରର ପ୍ରସ୍ଥ ପଚିଶ ହାତ ମାପିଲେ; ଦ୍ୱାର ସମ୍ମୁଖରେ ଦ୍ୱାର ଥିଲା ।
\s5
\v 14 ଉପସ୍ତମ୍ଭସକଳ ମଧ୍ୟ ସେ ଷାଠିଏ ହାତ ମାପିଲେ; ପୁଣି, ପ୍ରାଙ୍ଗଣ ଉପସ୍ତମ୍ଭ ପର୍ଯ୍ୟନ୍ତ ଗଲା, ଚାରିଆଡ଼େ ଦ୍ୱାର ଥିଲା ।
\v 15 ପୁଣି, ପ୍ରବେଶାର୍ଥକ ଦ୍ୱାରର ଅଗ୍ରଭାଗରୁ ଅନ୍ତରସ୍ଥ ବରଣ୍ଡାର ଅଗ୍ରଭାଗ ପର୍ଯ୍ୟନ୍ତ ପଚାଶ ହାତ ଥିଲା ।
\v 16 ପୁଣି, ଦ୍ୱାର ଭିତରେ ଚାରିଆଡ଼େ କ୍ଷୁଦ୍ର କୋଠରୀ ଓ ଉପସ୍ତମ୍ଭସକଳର ବନ୍ଦ ଜଳାକବାଟି ଥିଲା ଓ ମଣ୍ଡପସକଳରେ ମଧ୍ୟ ତଦ୍ରୂପ ଥିଲା, ଆଉ ଜଳାକବାଟି ସବୁ ଭିତରେ ଚାରିଆଡ଼େ ଥିଲା ଓ ପ୍ରତ୍ୟେକ ଉପସ୍ତମ୍ଭ ଉପରେ ଖର୍ଜ୍ଜୁର ବୃକ୍ଷର ଆକୃତି ଥିଲା ।
\s ବାହାର ପ୍ରାଙ୍ଗଣ
\p
\s5
\v 17 ତହୁଁ ସେ ମୋତେ ବାହାର ପ୍ରାଙ୍ଗଣକୁ ଆଣିଲେ, ଆଉ ଦେଖ, ପ୍ରାଙ୍ଗଣର ଚାରିଆଡ଼େ କେତେକ କୋଠରୀ ଓ ନିର୍ମିତ ଚଟାଣ ଥିଲା; ସେହି ଚଟାଣ ଉପରେ ତିରିଶ କୋଠରୀ ଥିଲା ।
\v 18 ପୁଣି, ସେହି ଚଟାଣ ଦ୍ୱାରସକଳର ପାର୍ଶ୍ୱରେ, ଦ୍ୱାରର ଦୀର୍ଘତାନୁସାରେ ଥିଲା, ଏହା ନିମ୍ନତର ଚଟାଣ ।
\v 19 ତେବେ ସେ ନିମ୍ନତର ଦ୍ୱାରର ଅଗ୍ରଭାଗଠାରୁ ଭିତର ପ୍ରାଙ୍ଗଣର ଅଗ୍ରଭାଗ ପର୍ଯ୍ୟନ୍ତ ବାହାର ପ୍ରସ୍ଥ ମାପିଲେ, ପୂର୍ବ ଓ ଉତ୍ତର ଉଭୟ ଦିଗରେ ଏକଶହ ହାତ ।
\s ଉତ୍ତର ଦ୍ୱାର
\p
\s5
\v 20 ପୁଣି, ସେ ବାହାର ପ୍ରାଙ୍ଗଣର ଉତ୍ତରାଭିମୁଖ ଦ୍ୱାରର ଦୀର୍ଘତା ଓ ପ୍ରସ୍ଥ ମାପିଲେ ।
\v 21 ଆଉ, ତହିଁର ଏକ ପାର୍ଶ୍ୱରେ ତିନି, ଅନ୍ୟ ପାର୍ଶ୍ୱରେ ତିନି କ୍ଷୁଦ୍ର କୋଠରୀ ଓ ତହିଁର ଉପସ୍ତମ୍ଭ ଓ ମଣ୍ଡପସକଳର ପରିମାଣ ପ୍ରଥମ ଦ୍ୱାରର ପରିମାଣ ତୁଲ୍ୟ, ଅର୍ଥାତ୍‍, ତହିଁର ଦୀର୍ଘତା ପଚାଶ ହାତ ଓ ପ୍ରସ୍ଥ ପଚିଶ ହାତ ଥିଲା ।
\s5
\v 22 ପୁଣି, ତହିଁର ଜଳାକବାଟି, ମଣ୍ଡପ ଓ ଖର୍ଜ୍ଜୁରବୃକ୍ଷର ଆକୃତିସକଳ ପୂର୍ବାଭିମୁଖ ଦ୍ୱାରର ପରିମାଣାନୁସାରେ ଥିଲା; ଲୋକମାନେ ସାତ ପାବଚ୍ଛ ଦେଇ ତହିଁ ଉପରକୁ ଗଲେ ଓ ତହିଁର ମଣ୍ଡପ ତହିଁ ସମ୍ମୁଖରେ ଥିଲା ।
\v 23 ଆଉ, ଉତ୍ତର ଓ ପୂର୍ବ ଦୁଇଆଡ଼େ, ଅନ୍ୟ ଦ୍ୱାରର ସମ୍ମୁଖରେ ଭିତର ପ୍ରାଙ୍ଗଣକୁ ଗୋଟିଏ ଦ୍ୱାର ଥିଲା; ପୁଣି, ସେ ଏକ ଦ୍ୱାରଠାରୁ ଅନ୍ୟ ଦ୍ୱାର ପର୍ଯ୍ୟନ୍ତ ଏକଶହ ହାତ ମାପିଲେ ।
\s ଦକ୍ଷିଣ ଦ୍ୱାର
\p
\s5
\v 24 ଏଥିଉତ୍ତାରେ ସେ ମୋତେ ଦକ୍ଷିଣ ଦିଗକୁ ନେଇଗଲେ, ଆଉ ଦେଖ, ଦକ୍ଷିଣଆଡ଼େ ଏକ ଦ୍ୱାର ଥିଲା; ଆଉ, ସେ ଉପରୋକ୍ତ ପରିମାଣାନୁସାରେ ତହିଁର ଉପସ୍ତମ୍ଭ ଓ ମଣ୍ଡପସକଳ ପରିମାଣ କଲେ ।
\v 25 ପୁଣି, ତହିଁରେ ଓ ତହିଁର ମଣ୍ଡପସକଳର ଚାରିଆଡ଼େ ପୂର୍ବୋକ୍ତ ଜଳାକବାଟି ପରି ଜଳାକବାଟି ଥିଲା; ଦୀର୍ଘତା ପଚାଶ ହାତ ଓ ପ୍ରସ୍ଥ ପଚିଶ ହାତ ଥିଲା ।
\s5
\v 26 ତହିଁ ଉପରକୁ ଯିବା ପାଇଁ ସାତୋଟି ପାବଚ୍ଛ ଥିଲା ଓ ତହିଁର ମଣ୍ଡପ ତହିଁ ସମ୍ମୁଖରେ ଥିଲା; ପୁଣି, ତହିଁର ଉପସ୍ତମ୍ଭସକଳର ଏପାଖରେ ସେପାଖରେ ଏକ ଏକ ଖର୍ଜ୍ଜୁର ବୃକ୍ଷର ଆକୃତି ଥିଲା ।
\v 27 ଆଉ, ଦକ୍ଷିଣଆଡ଼ ଭିତର ପ୍ରାଙ୍ଗଣକୁ ଏକ ଦ୍ୱାର ଥିଲା; ତହୁଁ ସେ ଦକ୍ଷିଣ ଆଡ଼ର ଏକ ଦ୍ୱାରଠାରୁ ଅନ୍ୟ ଦ୍ୱାର ପର୍ଯ୍ୟନ୍ତ ଏକଶହ ହାତ ମାପିଲେ ।
\s ଭିତର ପ୍ରାଙ୍ଗଣ
\p
\s5
\v 28 ଏଉତ୍ତାରେ ସେ ମୋତେ ଦକ୍ଷିଣ ଦ୍ୱାର ଦେଇ ଭିତର ପ୍ରାଙ୍ଗଣକୁ ଆଣିଲେ ଓ ସେ ପୂର୍ବୋକ୍ତ ପରିମାଣାନୁସାରେ ଦକ୍ଷିଣ ଦ୍ୱାର ମାପିଲେ;
\v 29 ଆଉ, ତହିଁର କ୍ଷୁଦ୍ର କୋଠରୀ ଓ ଉପସ୍ତମ୍ଭ ଓ ମଣ୍ଡପସକଳ ସେହି ପରିମାଣାନୁସାରେ ମାପିଲେ; ଆଉ, ତହିଁରେ ଓ ତହିଁର ମଣ୍ଡପରେ ଚାରିଆଡ଼େ ଜଳାକବାଟି ଥିଲା; ତାହା ପଚାଶ ହାତ ଦୀର୍ଘ ଓ ପଚିଶ ହାତ ପ୍ରସ୍ଥ ଥିଲା ।
\v 30 ପୁଣି, ତହିଁର ଚାରିଆଡ଼େ ପଚିଶ ହାତ ଦୀର୍ଘ ପାଞ୍ଚ ହାତ ପ୍ରସ୍ଥ ମଣ୍ଡପ ଥିଲା ।
\v 31 ଆଉ, ତହିଁର ମଣ୍ଡପସକଳ ବାହାର ପ୍ରାଙ୍ଗଣର ଅଭିମୁଖରେ ଥିଲା ଓ ତହିଁର ଉପସ୍ତମ୍ଭସକଳର ଉପରେ ଖର୍ଜ୍ଜୁର ବୃକ୍ଷର ଆକୃତି ଥିଲା; ଆଉ, ତହିଁ ଉପରକୁ ଯିବା ପାଇଁ ଆଠଟି ପାବଚ୍ଛ ଥିଲା ।
\s5
\v 32 ଏଥିଉତ୍ତାରେ ସେ ମୋତେ ପୂର୍ବଦିଗର ଭିତର ପ୍ରାଙ୍ଗଣ ମଧ୍ୟକୁ ଆଣିଲେ ଓ ସେ ପୂର୍ବୋକ୍ତ ପରିମାଣ ଅନୁସାରେ ଦ୍ୱାର ମାପିଲେ ।
\v 33 ଆଉ, ତହିଁର କ୍ଷୁଦ୍ର କୋଠରୀ ଓ ଉପସ୍ତମ୍ଭ ଓ ମଣ୍ଡପସକଳ ସେହି ପରିମାଣାନୁସାରେ ମାପିଲେ; ପୁଣି, ତହିଁରେ ଓ ତହିଁର ମଣ୍ଡପସକଳର ଚାରିଆଡ଼େ ଜଳାକବାଟି ଥିଲା; ତାହା ଦୀର୍ଘରେ ପଚାଶ ହାତ ଓ ପ୍ରସ୍ଥରେ ପଚିଶ ହାତ ।
\v 34 ଆଉ, ତହିଁର ମଣ୍ଡପସକଳ ବାହାର ପ୍ରାଙ୍ଗଣର ଅଭିମୁଖରେ ଥିଲା ଓ ତହିଁର ଉପସ୍ତମ୍ଭସକଳର ଏପାଖେ ସେପାଖେ ଖର୍ଜ୍ଜୁର ବୃକ୍ଷର ଆକୃତି ଥିଲା; ପୁଣି, ତହିଁ ଉପରକୁ ଯିବା ପାଇଁ ଆଠଗୋଟି ପାବଚ୍ଛ ଥିଲା ।
\s5
\v 35 ତହୁଁ ସେ ମୋତେ ଉତ୍ତର ଦ୍ୱାରକୁ ଆଣିଲେ ଓ ସେ ପୂର୍ବୋକ୍ତ ପରିମାଣାନୁସାରେ ତାହା ମାପିଲେ;
\v 36 ତହିଁର କ୍ଷୁଦ୍ର କୋଠରୀ, ଉପସ୍ତମ୍ଭ ଓ ମଣ୍ଡପସକଳ ମାପିଲେ; ଆଉ, ତହିଁରେ ଚାରିଆଡ଼େ ଜଳାକବାଟି ଥିଲା; ତାହା ଦୀର୍ଘରେ ପଚାଶ ହାତ ଓ ପ୍ରସ୍ଥରେ ପଚିଶ ହାତ ।
\v 37 ପୁଣି, ତହିଁର ଉପସ୍ତମ୍ଭସକଳ ତାହାର ପ୍ରାଙ୍ଗଣର ଅଭିମୁଖରେ ଥିଲା; ଆଉ, ସେହି ଉପସ୍ତମ୍ଭସକଳର ଉପରେ ଏପାଖେ ସେପାଖେ ଖର୍ଜ୍ଜୁର ବୃକ୍ଷର ଆକୃତି ଥିଲା; ପୁଣି, ତହିଁ ଉପରକୁ ଯିବା ପାଇଁ ଆଠଗୋଟି ପାବଚ୍ଛ ଥିଲା ।
\s5
\v 38 ପୁଣି, ଦ୍ୱାରମାନର ନିକଟସ୍ଥ ଉପସ୍ତମ୍ଭସକଳର ପାଖରେ ଦ୍ୱାରବିଶିଷ୍ଟ ଏକ କୋଠରୀ ଥିଲା; ସେଠାରେ ସେମାନେ ହୋମ-ବଳି ଧୌତ କଲେ
\v 39 ଆଉ, ତହିଁ ଉପରେ ହୋମାର୍ଥକ, ପାପାର୍ଥକ ଓ ଦୋଷାର୍ଥକ ବଳି ବଧ କରିବା ପାଇଁ ଦ୍ୱାର ବରଣ୍ଡାର ଏପାଖରେ ଦୁଇ ମେଜ ଓ ସେପାଖରେ ଦୁଇ ମେଜ ଥିଲା ।
\s5
\v 40 ପୁଣି, ଦ୍ୱାରର ପାର୍ଶ୍ୱରେ ବାହାରେ ଓ ଉତ୍ତର ଦ୍ୱାର ଉପରକୁ ଯିବାର ପ୍ରବେଶ-ସ୍ଥାନ ନିକଟରେ ଏପାଖରେ ଦୁଇ ମେଜ ଥିଲା ଓ ଦ୍ୱାର ବରଣ୍ଡାର ସେପାଖରେ ଦୁଇ ମେଜ ଥିଲା;
\v 41 ଦ୍ୱାର ପାର୍ଶ୍ୱର ଏପାଖରେ ଚାରି ମେଜ, ସେପାଖରେ ଚାରି ମେଜ ଥିଲା; ଏହିରୂପେ ଆଠ ମେଜ ଥିଲା, ତହିଁ ଉପରେ ବଳି ବଧ କରାଗଲା ।
\s5
\v 42 ଆଉ, ହୋମ-ବଳି ନିମନ୍ତେ କଟା ପ୍ରସ୍ତରର ଚାରି ମେଜ ଥିଲା, ତହିଁର ଦୀର୍ଘତା ଦେଢ଼ ହାତ ଓ ପ୍ରସ୍ଥ ଦେଢ଼ ହାତ ଓ ଉଚ୍ଚ ଏକ ହାତ; ତହିଁ ଉପରେ ହୋମ ଓ ପ୍ରାୟଶ୍ଚିତ୍ତାର୍ଥକ-ବଳି ବଧ କରିବାର ଅସ୍ତ୍ର ରଖାଗଲା ।
\v 43 ପୁଣି, ଚାରି ଅଙ୍ଗୁଳି ଦୀର୍ଘ ଆଙ୍କୁଡ଼ିମାନ ଭିତର ଚାରିଆଡ଼େ ଲଗା ହୋଇଥିଲା; ଆଉ, ମେଜମାନର ଉପରେ ଉପହାରାର୍ଥକ ମାଂସ ରଖାଗଲା ।
\s5
\v 44 ଆଉ, ଭିତର ଦ୍ୱାରର ବାହାରେ ଭିତର ପ୍ରାଙ୍ଗଣରେ ଗାୟକମାନଙ୍କ ପାଇଁ କୋଠରୀ ଥିଲା, ସେହି ସବୁ ଉତ୍ତର ଦ୍ୱାରର ପାର୍ଶ୍ୱସ୍ଥିତ ଓ ସେହି ସବୁର ମୁଖ ଦକ୍ଷିଣ ପ୍ରତି ଥିଲା; ପୂର୍ବ ଦ୍ୱାରର ପାର୍ଶ୍ୱସ୍ଥିତ ଗୋଟିଏ କୋଠରୀର ମୁଖ ଉତ୍ତର ପ୍ରତି ଥିଲା ।
\v 45 ପୁଣି, ସେ ମୋତେ କହିଲେ, "ଏହି ଦକ୍ଷିଣାଭିମୁଖ କୋଠରୀଗୃହର ରକ୍ଷଣୀୟ ରକ୍ଷାକାରୀ ଯାଜକମାନଙ୍କ ପାଇଁ ଅଛି ।
\s5
\v 46 ଆଉ, ଯେଉଁ କୋଠରୀର ମୁଖ ଉତ୍ତରଆଡ଼େ ଅଛି, ତାହା ଯଜ୍ଞବେଦିର ରକ୍ଷଣୀୟ ରକ୍ଷାକାରୀ ଯାଜକମାନଙ୍କ ପାଇଁ ଅଛି; ଏମାନେ ସାଦୋକର ସନ୍ତାନ, ଲେବୀର ସନ୍ତାନଗଣ ମଧ୍ୟରୁ ଏମାନେ ସଦାପ୍ରଭୁଙ୍କର ପରିଚର୍ଯ୍ୟା କରିବା ପାଇଁ ତାହାଙ୍କ ନିକଟକୁ ଆସନ୍ତି ।"
\s ମନ୍ଦିର ପ୍ରାଙ୍ଗଣ
\p
\v 47 ଏଉତ୍ତାରେ ସେ ପ୍ରାଙ୍ଗଣ ମାପିଲେ, ତାହା ଏକଶହ ହାତ ଦୀର୍ଘ, ଏକଶହ ହାତ ପ୍ରସ୍ଥ, ଚାରିଆଡ଼େ ଏକ ସମାନ ଥିଲା ଓ ଗୃହ ସମ୍ମୁଖରେ ଯଜ୍ଞବେଦି ଥିଲା ।
\s5
\v 48 ତେବେ ସେ ମୋତେ ଗୃହର ବରଣ୍ଡାକୁ ଆଣି ବରଣ୍ଡାରେ ସ୍ଥିତ ପ୍ରତ୍ୟେକ ଉପସ୍ତମ୍ଭ ମାପିଲେ, ସେ ପ୍ରତ୍ୟେକ ଏପାଖେ ପାଞ୍ଚ ହାତ, ସେପାଖେ ପାଞ୍ଚ ହାତ; ପୁଣି, ଦ୍ୱାରର ପ୍ରସ୍ଥ ଏପାଖେ ତିନି ହାତ, ସେପାଖେ ତିନି ହାତ ଥିଲା ।
\v 49 ବରଣ୍ଡାର ଦୀର୍ଘ କୋଡ଼ିଏ ହାତ; ତହିଁର ପ୍ରସ୍ଥ ଏଗାର ହାତ ଓ ପାବଚ୍ଛ ଦେଇ ଲୋକମାନେ ଉପରକୁ ଗଲେ, ଆଉ ଉପସ୍ତମ୍ଭମାନଙ୍କ ନିକଟରେ ଏପାଖେ ଏକ ଓ ସେପାଖେ ଏକ ସ୍ତମ୍ଭ ଥିଲା ।
\s5
\c 41
\s ମନ୍ଦିର ଭିତର
\p
\v 1 ଏଥିଉତ୍ତାରେ ସେ ମୋତେ ମନ୍ଦିର ନିକଟକୁ ଆଣି ତହିଁର ଉପସ୍ତମ୍ଭ ସକଳ ମାପିଲେ, ସେ ଉପସ୍ତମ୍ଭର ପ୍ରସାର ଏପାଖରେ ଛଅ ହାତ, ସେପାଖରେ ଛଅ ହାତ ଥିଲା, ତମ୍ବୁର ପ୍ରସ୍ଥ ହିଁ ଏତିକି ।
\v 2 ପୁଣି, ପ୍ରବେଶ-ସ୍ଥାନର ପ୍ରସ୍ଥ ଦଶ ହାତ ଓ ସେହି ପ୍ରବେଶ-ସ୍ଥାନର ପାର୍ଶ୍ୱ ଏପାଖେ ପାଞ୍ଚ ହାତ ଓ ସେପାଖେ ପାଞ୍ଚ ହାତ ଥିଲା; ଆଉ, ସେ ତହିଁର ଦୀର୍ଘତା ଚାଳିଶ ହାତ ଓ ପ୍ରସ୍ଥ କୋଡ଼ିଏ ହାତ ମାପିଲେ ।
\s5
\v 3 ତେବେ ସେ ଭିତରକୁ ଯାଇ ପ୍ରବେଶ-ସ୍ଥାନର ଉପସ୍ତମ୍ଭ, ପ୍ରତ୍ୟେକ ଦୁଇ ହାତ ଲେଖାଏଁ ଓ ପ୍ରବେଶ-ସ୍ଥାନ ଛଅ ହାତ; ଆଉ, ପ୍ରବେଶ-ସ୍ଥାନର ପ୍ରସ୍ଥ ସାତ ହାତ ମାପିଲେ ।
\v 4 ପୁଣି, ସେ ତହିଁର ଦୀର୍ଘତା କୋଡ଼ିଏ ହାତ ଓ ମନ୍ଦିର ସମ୍ମୁଖରେ ତହିଁର ପ୍ରସ୍ଥ କୋଡ଼ିଏ ହାତ ମାପିଲେ; ଆଉ, ସେ ମୋତେ କହିଲେ, "ଏହା ମହାପବିତ୍ର ସ୍ଥାନ ଅଟେ ।"
\s5
\v 5 ତହୁଁ ସେ ଗୃହର କାନ୍ଥ ଛଅ ହାତ ଓ ଗୃହର ଚତୁର୍ଦ୍ଦିଗସ୍ଥିତ ପାର୍ଶ୍ୱସ୍ଥ ପ୍ରତ୍ୟେକ କୋଠରୀର ପ୍ରସ୍ଥ ଚାରି ହାତ ଲେଖାଏଁ ମାପିଲେ ।
\v 6 ପୁଣି, ଏକ ମହଲା ଉପରେ ଅନ୍ୟ ମହଲା, ଏହିରୂପେ ପାର୍ଶ୍ୱସ୍ଥ କୋଠରୀ ସକଳ ତିନି ମହଲା ଓ ଏକ ଏକ ଶ୍ରେଣୀରେ ତିରିଶ କୋଠରୀ ଥିଲା; ଆଉ, ପାର୍ଶ୍ୱସ୍ଥ କୋଠରୀ ସକଳ ନିମନ୍ତେ ଗୃହର ଚାରିଆଡ଼େ ଭିତ୍ତି ଥିଲା; କୋଠରୀ ସକଳ ତହିଁ ଉପରେ ନିର୍ଭର କଲା, ଗୃହର କାନ୍ଥ ଉପରେ ନିର୍ଭର କଲା ନାହିଁ ।
\v 7 ପୁଣି, ପାର୍ଶ୍ୱସ୍ଥ କୋଠରୀ ସକଳ ଉଚ୍ଚତାରେ ଗୃହକୁ ବେଷ୍ଟନ କରୁ କରୁ ଅଧିକ ଅଧିକ ପ୍ରଶସ୍ତ ହେଲା; କାରଣ ଗୃହର ବେଷ୍ଟନ ଚତୁର୍ଦ୍ଦିଗରେ କ୍ରମଶଃ ଅଧିକ ଉଚ୍ଚ ହେଲା; ଏଥିପାଇଁ ଉଚ୍ଚତାର ଅନୁକ୍ରମେ ଗୃହ ଆହୁରି ଆହୁରି ପ୍ରଶସ୍ତ ହେଲା ଓ ନିମ୍ନତମ କୋଠରୀରୁ ଉଚ୍ଚତମ କୋଠରୀକୁ ଯିବାର ପଥ ମଧ୍ୟମ କୋଠରୀ ଦେଇ ଗଲା ।
\s5
\v 8 ଆହୁରି, ମୁଁ ଦେଖିଲି ଯେ, ଗୃହର ଚତୁର୍ଦ୍ଦିଗରେ ଉଚ୍ଚୀକୃତ ଚଉତରା ଥିଲା; ପାର୍ଶ୍ୱସ୍ଥ କୋଠରୀ ସକଳର ଭିତ୍ତିମୂଳ ଛଅ ହାତ ପରିମିତ ସମ୍ପୂର୍ଣ୍ଣ ଏକ ନଳ ଥିଲା ।
\v 9 ବାହାର ଭାଗରେ ପାର୍ଶ୍ୱସ୍ଥ କୋଠରୀ ସକଳର କାନ୍ଥ ପାଞ୍ଚ ହାତ ପ୍ରସ୍ଥ ଥିଲା ଓ ଅବଶିଷ୍ଟ ଯେଉଁ ସ୍ଥାନ ରହିଲା, ତାହା ଗୃହର ପାର୍ଶ୍ୱସ୍ଥ କୋଠରୀର ସ୍ଥାନ ଥିଲା ।
\s5
\v 10 କୋଠରୀ ସକଳର ମଧ୍ୟରେ ଗୃହର ଚାରିଆଡ଼େ କୋଡ଼ିଏ ହାତ ପ୍ରସ୍ଥ ସ୍ଥାନ ଥିଲା ।
\v 11 ପୁଣି, ପାର୍ଶ୍ୱସ୍ଥ କୋଠରୀ ସକଳର ଦ୍ୱାର ସେହି ଅବଶିଷ୍ଟ ସ୍ଥାନ ପ୍ରତି ଥିଲା, ଗୋଟିଏ ଦ୍ୱାର ଉତ୍ତର ପ୍ରତି ଓ ଅନ୍ୟ ଦ୍ୱାର ଦକ୍ଷିଣ ପ୍ରତି ଥିଲା; ଆଉ, ସେହି ଅବଶିଷ୍ଟ ସ୍ଥାନର ପ୍ରସ୍ଥ ଚତୁର୍ଦ୍ଦିଗରେ ପାଞ୍ଚ ହାତ ଥିଲା ।
\s5
\v 12 ପୁଣି, ପଶ୍ଚିମ ଦିଗସ୍ଥ ପୃଥକ୍‍ ସ୍ଥାନର ସମ୍ମୁଖବର୍ତ୍ତୀ ଗୃହ ସତୁରି ହାତ ପ୍ରସ୍ଥ ଥିଲା ଓ ଚତୁର୍ଦ୍ଦିଗରେ ସେହି ଗୃହର କାନ୍ଥ ପାଞ୍ଚ ହାତ ଓ ତହିଁର ଦୀର୍ଘତା ନବେ ହାତ ଥିଲା ।
\v 13 ଏହିରୂପେ ସେ ଗୃହର ଦୀର୍ଘତା ଶହେ ହାତ ଓ ପୃଥକ୍‍ ସ୍ଥାନ, ଆଉ ତହିଁର ଗୃହ ଓ ତହିଁର କାନ୍ଥର ଦୀର୍ଘତା ଶହେ ହାତ ମାପିଲେ ।
\v 14 ଆହୁରି, ପୂର୍ବଦିଗରେ ଗୃହର ଓ ପୃଥକ୍‍ ସ୍ଥାନର ଅଗ୍ରଭାଗ ଶହେ ହାତ ମାପିଲେ ।
\s5
\v 15 ଏଥିଉତ୍ତାରେ ପୃଥକ୍‍ ସ୍ଥାନର ସମ୍ମୁଖସ୍ଥିତ ଗୃହର ଦୀର୍ଘତା, ଅର୍ଥାତ୍‍, ତାହାର ପଶ୍ଚାତ ଭାଗରେ ଯାହା ଥିଲା, ତାହା ଓ ଏପାଖେ ସେପାଖେ ତହିଁର ଅପ୍ରଶସ୍ତ ବରଣ୍ଡା ଶହେ ହାତ ମାପିଲେ; ଆଉ, ଭିତର ମନ୍ଦିର ଓ ପ୍ରାଙ୍ଗଣର ବରଣ୍ଡା (ମାପିଲେ);
\v 16 ଦ୍ୱାରର ସମ୍ମୁଖସ୍ଥାନ, ବନ୍ଦ ଜଳାକବାଟିସବୁ ଓ ଦ୍ୱାର ସମ୍ମୁଖ ସ୍ଥାନର ନିକଟସ୍ଥ ଚତୁର୍ଦ୍ଦିଗେ କାଷ୍ଠ ଆଚ୍ଛାଦିତ ତିନି ମହଲାର ଚତୁର୍ଦ୍ଦିଗର ଅପ୍ରଶସ୍ତ ବରଣ୍ଡାସବୁ ଓ ଭୂମିଠାରୁ ଜଳାକବାଟି ପର୍ଯ୍ୟନ୍ତ ମାପିଲେ; ଜଳାକବାଟିସବୁ ଆଚ୍ଛାଦିତ ହୋଇଥିଲା;
\v 17 ଦ୍ୱାରର ଉପର ସ୍ଥାନ, ଅନ୍ତରସ୍ଥ ଗୃହ ଓ ବାହାରେ, ଆଉ କାନ୍ଥସବୁର ଚାରିଆଡ଼େ ଭିତରେ ଓ ବାହାରେ ସେହିସବୁର ବିଶେଷ ବିଶେଷ ପରିମାଣ (ନିରୂପିତ ହେଲା ।)
\s5
\v 18 ପୁଣି, ତହିଁରେ କିରୂବ ଓ ଖର୍ଜ୍ଜୁର ବୃକ୍ଷର ଶିଳ୍ପ କର୍ମ ଥିଲା, କିରୂବ ଓ କିରୂବ ମଧ୍ୟରେ ଏକ ଖର୍ଜ୍ଜୁର ବୃକ୍ଷ ଓ ପ୍ରତ୍ୟେକ କିରୂବର ଦୁଇ ଦୁଇ ମୁଖ ଥିଲା ।
\v 19 ଏହିରୂପେ ଏକ ପାର୍ଶ୍ୱସ୍ଥ ଖର୍ଜ୍ଜୁର ବୃକ୍ଷ ପ୍ରତି ମନୁଷ୍ୟର ମୁଖ ଓ ଅନ୍ୟ ପାର୍ଶ୍ୱସ୍ଥ ଖର୍ଜ୍ଜୁର ବୃକ୍ଷପ୍ରତି ଯୁବାସିଂହର ମୁଖ ଥିଲା; ଏହି ପ୍ରକାର ଗୃହଯାକ ଥିଲା ।
\v 20 ଭୂମିଠାରୁ ଦ୍ୱାରର ଉପରଭାଗ ପର୍ଯ୍ୟନ୍ତ କିରୂବ ଓ ଖର୍ଜ୍ଜୁର ବୃକ୍ଷ ଶିଳ୍ପିତ ହୋଇଥିଲା; ଏହି ପ୍ରକାରେ ମନ୍ଦିରର କାନ୍ଥ ଥିଲା ।
\s5
\v 21 ମନ୍ଦିରର ଦ୍ୱାରବନ୍ଧସବୁ ଚତୁଷ୍କୋଣାକାର ଓ ପବିତ୍ର ସ୍ଥାନର ସମ୍ମୁଖ ଦେଶର ଆକୃତି ମନ୍ଦିରର ଆକୃତି ତୁଲ୍ୟ ଥିଲା ।
\v 22 ବେଦି କାଷ୍ଠନିର୍ମିତ ତିନି ହାତ ଉଚ୍ଚ ଓ ତହିଁର ଦୀର୍ଘତା ଦୁଇ ହାତ ଥିଲା; ଆଉ, ତହିଁର କୋଣସବୁ ତହିଁର ଦୀର୍ଘତା ଓ ତହିଁର ଚାରିପାଖ କାଷ୍ଠମୟ ଥିଲା; ପୁଣି, ସେ ଆମ୍ଭକୁ କହିଲେ, "ସଦାପ୍ରଭୁଙ୍କର ସମ୍ମୁଖସ୍ଥ ମେଜ ଏହି ।"
\v 23 ମନ୍ଦିର ଓ ପବିତ୍ର ସ୍ଥାନର ଦୁଇ ଦ୍ୱାର ଥିଲା ।
\v 24 ଆଉ, ଏକ ଏକ କବାଟର ଦୁଇ ଦୁଇ ପଟ, ଦୁଇ ଦୁଇ ଘୂରିବା ପଟ ଥିଲା, ଅର୍ଥାତ୍‍, ଏକ ଦ୍ୱାରର ଦୁଇ ପଟ ଓ ଅନ୍ୟ ଦ୍ୱାରର ଦୁଇ ପଟ ଥିଲା ।
\s5
\v 25 ପୁଣି, ସେହି ସବୁରେ, ଅର୍ଥାତ୍‍, ମନ୍ଦିର କବାଟରେ କାନ୍ଥରେ ଯେପରି, ସେହିପରି କିରୂବଗଣ ଓ ଖର୍ଜ୍ଜୁର ବୃକ୍ଷ ଶିଳ୍ପିତ ଥିଲା; ଆଉ, ବାହାର ବରଣ୍ଡାର ଅଗ୍ରଭାଗରେ ମୋଟ କଡ଼ିକାଠ ଥିଲା ।
\v 26 ଆଉ, ବରଣ୍ଡାର ପାର୍ଶ୍ୱରେ ଏପାଖରେ ଓ ସେପାଖରେ ବନ୍ଦ ଜଳାକବାଟି ଓ ଖର୍ଜ୍ଜୁର ବୃକ୍ଷର ଆକୃତି ଥିଲା, ଗୃହର ପାର୍ଶ୍ୱସ୍ଥ କୋଠରୀ ଓ ମୋଟ କଡ଼ିକାଠସବୁ ଏହି ପ୍ରକାର ଥିଲା ।
\s5
\c 42
\s ମନ୍ଦିରର କୋଠରୀ
\p
\v 1 ତହିଁ ଉତ୍ତାରୁ ସେ ମୋତେ ଉତ୍ତରଦିଗସ୍ଥ ପଥରେ ବାହାର ପ୍ରାଙ୍ଗଣକୁ ଆଣିଲେ; ଆଉ, ପୃଥକ ସ୍ଥାନର ଓ ଗାନ୍ଥୁନୀର ନିକଟବର୍ତ୍ତୀ ଉତ୍ତର-ଦିଗସ୍ଥ କୋଠରୀରେ ଉପସ୍ଥିତ କରାଇଲେ ।
\v 2 ସମ୍ମୁଖରେ ଶହେ ହାତ ଦୀର୍ଘତାରେ ଉତ୍ତର ଦ୍ୱାର ଥିଲା ଓ ପ୍ରସ୍ଥ ପଚାଶ ହାତ ଥିଲା ।
\v 3 ଭିତର ପ୍ରାଙ୍ଗଣର କୋଡ଼ିଏ ହାତ ସମ୍ମୁଖରେ ଓ ବାହାର ପ୍ରାଙ୍ଗଣର ଚଟାଣର ସମ୍ମୁଖରେ ତୃତୀୟ ମହଲାରେ ଲଗାଲଗି ହୋଇ ଅପ୍ରଶସ୍ତ ବରଣ୍ଡା ଥିଲା ।
\s5
\v 4 ପୁଣି, କୋଠରୀ ସକଳର ସମ୍ମୁଖରେ ଭିତର ଆଡ଼େ ଦଶ ହାତ ପ୍ରସ୍ଥର ଏକ ପଥ ଓ ଏକ ହାତ ପ୍ରସ୍ଥ ଏକ ପଥ ଥିଲା ଓ ସକଳର ଦ୍ୱାର ଉତ୍ତର ଆଡ଼େ ଥିଲା ।
\v 5 ଉପରିସ୍ଥ କୋଠରୀ ସକଳ ଛୋଟ ଥିଲା; କାରଣ ଗାନ୍ଥୁନୀର ଅଧଃସ୍ଥିତ ଓ ମଧ୍ୟସ୍ଥିତ କୋଠରୀ ଅପେକ୍ଷା ଅପ୍ରଶସ୍ତ ବରଣ୍ଡାସବୁ ତହିଁରୁ ଅଧିକ ସ୍ଥାନ ଘେନିଲା ।
\v 6 କାରଣ ତାହା ତିନି ମହଲା ଥିଲା, ଆଉ ବାହାର ପ୍ରାଙ୍ଗଣର ସ୍ତମ୍ଭ ପରି ସେହି ସବୁରେ ସ୍ତମ୍ଭ ନ ଥିଲା; ଏଥିପାଇଁ ଭୂମିଠାରୁ ଉଚ୍ଚତମ କୋଠରୀସବୁ ଅଧଃସ୍ଥିତ ଓ ମଧ୍ୟସ୍ଥିତ ଅପେକ୍ଷା ଅପ୍ରଶସ୍ତ ଥିଲା ।
\s5
\v 7 ପୁଣି, କୋଠରୀ ସକଳର ସମ୍ମୁଖବର୍ତ୍ତୀ ବାହାର ପ୍ରାଙ୍ଗଣ ଆଡ଼େ କୋଠରୀ ସକଳର ପାର୍ଶ୍ୱରେ ଯେଉଁ କାନ୍ଥ ଥିଲା, ତହିଁର ଦୀର୍ଘତା ପଚାଶ ହାତ ଥିଲା ।
\v 8 କାରଣ ବାହାର ପ୍ରାଙ୍ଗଣସ୍ଥିତ କୋଠରୀ ସକଳର ଦୀର୍ଘତା ପଚାଶ ହାତ ଥିଲା; ପୁଣି, ଦେଖ, ମନ୍ଦିର ସମ୍ମୁଖରେ ତାହା ଶହେ ହାତ ଥିଲା ।
\v 9 ପୁଣି, ବାହାର ପ୍ରାଙ୍ଗଣରୁ ସେହି ସବୁ କୋଠରୀକୁ ଗଲା ବେଳେ ପୂର୍ବ ଦିଗରେ ତହିଁର ତଳରେ ପ୍ରବେଶ-ସ୍ଥାନ ପଡ଼ିଲା ।
\s5
\v 10 ପ୍ରାଙ୍ଗଣ କାନ୍ଥର ପ୍ରଶସ୍ତ ଭାଗରେ ପୂର୍ବ ଦିଗରେ ପୃଥକ ସ୍ଥାନର ଓ ଗାନ୍ଥୁନୀର ସମ୍ମୁଖରେ କୋଠରୀ ଶ୍ରେଣୀ ଥିଲା ।
\v 11 ଆଉ, ସେହି ସବୁର ସମ୍ମୁଖବର୍ତ୍ତୀ ପଥ ଉତ୍ତର ଦିଗାଭିମୁଖ କୋଠରୀ-ସକଳର ପଥ ପରି ଥିଲା; ସେହି ସବୁର ଦୀର୍ଘତା ପ୍ରମାଣରେ ପ୍ରସ୍ଥ ଥିଲା; ପୁଣି, ସେହି ସବୁର ନିର୍ଗମନ ସ୍ଥାନାନୁସାରେ ଗଠନ ଓ ଦ୍ୱାର ଥିଲା ।
\v 12 ପୁଣି, ଦକ୍ଷିଣ ଦିଗସ୍ଥିତ କୋଠରୀ ସକଳର ଦ୍ୱାର ତୁଲ୍ୟ ପଥ ମୁଣ୍ଡରେ ଗୋଟିଏ ଦ୍ୱାର ଥିଲା; ସେହି ପଥ କାନ୍ଥର ସମ୍ମୁଖରେ, ଅର୍ଥାତ୍‍, ସେସ୍ଥାନକୁ ଯିବା ଲୋକର ପୂର୍ବ ଦିଗରେ ପଡ଼ିଲା ।
\s5
\v 13 ତହୁଁ ସେ ମୋତେ କହିଲେ, "ପୃଥକ୍‍ ସ୍ଥାନର ଉତ୍ତର ଓ ଦକ୍ଷିଣ ଦିଗରେ ଯେଉଁ କୋଠରୀମାନ ଅଛି, ସେହି ସବୁ ପବିତ୍ର କୋଠରୀ, ଯେଉଁ ଯାଜକମାନେ ସଦାପ୍ରଭୁଙ୍କର ନିକଟବର୍ତ୍ତୀ ଅଟନ୍ତି, ସେମାନେ ସେଠାରେ ମହାପବିତ୍ର ଦ୍ରବ୍ୟସକଳ ଭୋଜନ କରିବେ; ସେହି ସ୍ଥାନରେ ସେମାନେ ମହାପବିତ୍ର ଦ୍ରବ୍ୟସକଳ ଓ ଭକ୍ଷ୍ୟ ନୈବେଦ୍ୟ, ପାପାର୍ଥକ ବଳି ଓ ଦୋଷାର୍ଥକ ବଳି ରଖିବେ; କାରଣ ସେହି ସ୍ଥାନ ପବିତ୍ର ଅଟେ ।
\v 14 ଯେଉଁ ସମୟରେ ଯାଜକମାନେ ତହିଁ ମଧ୍ୟରେ ପ୍ରବେଶ କରନ୍ତି, ସେହି ସମୟରେ ସେମାନେ ସେହି ପବିତ୍ର ସ୍ଥାନରୁ ବାହାରି ବାହାର ପ୍ରାଙ୍ଗଣକୁ ଯିବେ ନାହିଁ, ମାତ୍ର ଯେଉଁ ଯେଉଁ ବସ୍ତ୍ର ପିନ୍ଧି ସେମାନେ ପରିଚର୍ଯ୍ୟା କରନ୍ତି, ତାହାସବୁ ସେଠାରେ ରଖିବେ; କାରଣ ସେହି ସବୁ ପବିତ୍ର; ଆଉ, ସେମାନେ ଅନ୍ୟ ବସ୍ତ୍ର ପିନ୍ଧିବେ, ତହିଁ ଉତ୍ତାରେ ଲୋକମାନଙ୍କ ସ୍ଥାନର ନିକଟକୁ ଯିବେ ।"
\s5
\v 15 ଭିତର ଗୃହ ମାପିବାର ସମାପ୍ତ କଲା ଉତ୍ତାରେ ସେ ପୂର୍ବାଭିମୁଖ ଦ୍ୱାରର ପଥ ଦେଇ ମୋତେ ବାହାରକୁ ଆଣିଲେ ଓ ତହିଁର ଚତୁର୍ଦ୍ଦିଗ ମାପିଲେ ।
\s5
\v 16 ସେ ପରିମାପକ ନଳ ଦ୍ୱାର ପୂର୍ବ ପାର୍ଶ୍ୱ ମାପିଲେ, ପରିମାପକ ନଳରେ ଚତୁର୍ଦ୍ଦିଗ ପାଞ୍ଚଶହ ନଳ ହେଲା ।
\v 17 ସେ ଉତ୍ତର ପାର୍ଶ୍ୱ ମାପିଲେ, ପରିମାପକ ନଳରେ ଚତୁର୍ଦ୍ଦିଗ ପାଞ୍ଚଶହ ନଳ ହେଲା ।
\v 18 ସେ ଦକ୍ଷିଣ ପାର୍ଶ୍ୱ ମାପିଲେ, ପରିମାପକ ନଳରେ ତାହା ପାଞ୍ଚଶହ ନଳ ହେଲା ।
\v 19 ସେ ପଶ୍ଚିମ ପାର୍ଶ୍ୱକୁ ଫେରି ପରିମାପକ ନଳରେ ପାଞ୍ଚଶହ ନଳ ମାପିଲେ ।
\s5
\v 20 ସେ ତାହାର ଚାରି ପାର୍ଶ୍ୱ ମାପିଲେ; ପବିତ୍ର ଓ ସାଧାରଣ ସ୍ଥାନ ମଧ୍ୟରେ ବିଚ୍ଛେଦ କରିବା ପାଇଁ ତହିଁର ଚତୁର୍ଦ୍ଦିଗରେ ପ୍ରାଚୀର ଥିଲା, ତାହା ଦୀର୍ଘରେ ପାଞ୍ଚଶହ ଓ ପ୍ରସ୍ଥରେ ପାଞ୍ଚଶହ (ନଳ) ଥିଲା ।
\s5
\c 43
\s ସଦାପ୍ରଭୁଙ୍କ ପ୍ରତାପରେ ମନ୍ଦିର ପରିପୂର୍ଣ୍ଣ
\p
\v 1 ଏଥିଉତ୍ତାରେ ସେ ମୋତେ ଦ୍ୱାରକୁ, ଅର୍ଥାତ୍‍, ପୂର୍ବାଭିମୁଖ ଦ୍ୱାର ନିକଟକୁ ଆଣିଲେ;
\v 2 ଆଉ ଦେଖ, ପୂର୍ବଦିଗସ୍ଥ ପଥରୁ ଇସ୍ରାଏଲର ପରମେଶ୍ୱରଙ୍କର ପ୍ରତାପ ଆସୁଅଛି; ତାହାଙ୍କର ଶବ୍ଦ ଜଳରାଶିର ଶବ୍ଦ ତୁଲ୍ୟ ଓ ତାହାଙ୍କର ପ୍ରତାପରେ ଭୂମି ଦୀପ୍ତିମୟ ହେଲା ।
\s5
\v 3 ପୁଣି, ମୁଁ ଯେଉଁ ଦର୍ଶନ ଦେଖିଥିଲି, ଅର୍ଥାତ୍‍, ନଗର ବିନାଶାର୍ଥେ ଆସିବା ସମୟରେ ଯେଉଁ ଦର୍ଶନ ଦେଖିଥିଲି, ଏ ତଦ୍ରୂପ ଦର୍ଶନ ଓ ମୁଁ କବାର ନଦୀ ତୀରରେ ଯେଉଁ ଦର୍ଶନ ଦେଖିଥିଲି, ଏହିସବୁ ଦର୍ଶନ ତାହାର ତୁଲ୍ୟ; ତହୁଁ ମୁଁ ଉବୁଡ଼ ହୋଇ ପଡ଼ିଲି ।
\v 4 ପୁଣି, ପୂର୍ବାଭିମୁଖ ଦ୍ୱାରର ପଥ ଦେଇ ସଦାପ୍ରଭୁଙ୍କର ପ୍ରତାପ ଗୃହ ମଧ୍ୟରେ ପ୍ରବେଶ କଲା ।
\v 5 ଏଥିଉତ୍ତାରେ ପରମେଶ୍ୱରଙ୍କ ଆତ୍ମା ମୋତେ ଉଠାଇ ଭିତର ପ୍ରାଙ୍ଗଣକୁ ଆଣିଲେ; ଆଉ ଦେଖ, ସଦାପ୍ରଭୁଙ୍କ ପ୍ରତାପ ଗୃହକୁ ପରିପୂର୍ଣ୍ଣ କଲା ।
\s5
\v 6 ପୁଣି, ଗୃହ ମଧ୍ୟରୁ ଏକଜଣ ମୋତେ କହିବାର ଶୁଣିଲି ଓ ଏକ ବ୍ୟକ୍ତି ମୋ' ପାଖରେ ଠିଆ ହେଲେ ।
\v 7 ଆଉ, ସେ ମୋତେ କହିଲେ, "ହେ ମନୁଷ୍ୟ-ସନ୍ତାନ, ଏହା ଆମ୍ଭ ସିଂହାସନର ସ୍ଥାନ ଓ ଆମ୍ଭ ପାଦପୀଠର ସ୍ଥାନ, ଏହି ସ୍ଥାନରେ ଆମ୍ଭେ ଇସ୍ରାଏଲ ସନ୍ତାନଗଣ ମଧ୍ୟରେ ସଦାକାଳ ବାସ କରିବା; ଆଉ, ଇସ୍ରାଏଲ ବଂଶ, ଅର୍ଥାତ୍‍, ସେମାନେ ଓ ସେମାନଙ୍କ ରାଜଗଣ ଆପଣାମାନଙ୍କର ବ୍ୟଭିଚାର ଓ ଉଚ୍ଚସ୍ଥଳୀରେ ଆପଣାମାନଙ୍କ ରାଜଗଣର ଶବ ଦ୍ୱାରା ଆମ୍ଭର ପବିତ୍ର ନାମ ଆଉ ଅଶୁଚି କରିବେ ନାହିଁ ।
\v 8 ସେମାନେ ଆମ୍ଭର ଦ୍ୱାର ପ୍ରବେଶ-ସ୍ଥାନ ନିକଟରେ ଆପଣାମାନଙ୍କର ଦ୍ୱାର ପ୍ରବେଶ-ସ୍ଥାନ ଓ ଆମ୍ଭ ଦ୍ୱାରବନ୍ଧ ନିକଟରେ ଆପଣାମାନଙ୍କର ଦ୍ୱାରବନ୍ଧ ରଖିବାରୁ ଆମ୍ଭର ଓ ସେମାନଙ୍କ ମଧ୍ୟରେ କେବଳ ଏକ କାନ୍ଥ ଥିଲା, ପୁଣି, ଆପଣାମାନଙ୍କର କୃତ ଘୃଣାଯୋଗ୍ୟ କ୍ରିୟା ଦ୍ୱାରା ଆମ୍ଭର ପବିତ୍ର ନାମ ସେମାନେ ଅପବିତ୍ର କରିଅଛନ୍ତି; ଏନିମନ୍ତେ ଆମ୍ଭେ ଆପଣାର କ୍ରୋଧରେ ସେମାନଙ୍କୁ ଗ୍ରାସ କରିଅଛୁ ।
\s5
\v 9 ଏବେ ସେମାନେ ଆପଣାମାନଙ୍କର ବ୍ୟଭିଚାର କ୍ରିୟା ଓ ଆପଣାମାନଙ୍କର ରାଜଗଣର ଶବ ଆମ୍ଭ ନିକଟରୁ ଦୂର କରନ୍ତୁ, ତହିଁରେ ଆମ୍ଭେ ସଦାକାଳ ସେମାନଙ୍କ ମଧ୍ୟରେ ବାସ କରିବା ।
\s5
\v 10 ହେ ମନୁଷ୍ୟ-ସନ୍ତାନ, ଇସ୍ରାଏଲ ବଂଶ ଯେପରି ଆପଣା ଆପଣା ଅଧର୍ମ ହେତୁ ଲଜ୍ଜିତ ହେବେ, ଏଥିପାଇଁ ତୁମ୍ଭେ ସେମାନଙ୍କୁ ଏହି ଗୃହ ଦେଖାଅ; ଆଉ, ସେମାନେ ସେହି ଗୃହର ଆଦର୍ଶ ପରିମାଣ କରନ୍ତୁ ।
\v 11 ପୁଣି, ସେମାନେ ଯଦି ଆପଣାମାନଙ୍କ କୃତ ସମସ୍ତ କର୍ମ ହେତୁ ଲଜ୍ଜିତ ହୁଅନ୍ତି, ତେବେ ସେମାନେ ଯେପରି ଗୃହର ସକଳ ଆକୃତି ଓ ତହିଁର ସମସ୍ତ ବିଧି ରକ୍ଷା କରି ତଦନୁସାରେ କର୍ମ କରିବେ, ଏଥିପାଇଁ ସେମାନଙ୍କୁ ଗୃହର ଆକାର, ତହିଁର ଗଠନ, ନିର୍ଗମନ-ସ୍ଥାନ ଓ ପ୍ରବେଶ-ସ୍ଥାନ, ସକଳ ଆକୃତି ଓ ତହିଁର ସମସ୍ତ ବିଧି, ସମସ୍ତ ଆକୃତି ଓ ତହିଁର ସକଳ ବ୍ୟବସ୍ଥା ସେମାନଙ୍କୁ ଜ୍ଞାତ କରାଅ, ଆଉ ସେମାନଙ୍କ ସାକ୍ଷାତରେ ତାହା ଲେଖ ।
\s5
\v 12 ଗୃହର ବ୍ୟବସ୍ଥା ଏହି, ପର୍ବତ ଶୃଙ୍ଗର ଉପରିସ୍ଥ ଚତୁର୍ଦ୍ଦିଗର ସମୁଦାୟ ସୀମା ମହାପବିତ୍ର ହେବ । ଦେଖ, ଏହା ହିଁ ଗୃହର ବ୍ୟବସ୍ଥା ।
\s ଯଜ୍ଞବେଦି
\p
\s5
\v 13 ପୁଣି, ହାତ ଅନୁସାରେ ଯଜ୍ଞବେଦିର ପରିମାଣ ଏହି; (ପ୍ରତି ହାତ ଏକ ହାତ ଚାରି ଅଙ୍ଗୁଳି ପରିମିତ) ବେଦିର ମୂଳ ଏକ ହାତ ଓ ପ୍ରସ୍ଥ ଏକ ହାତ, ଆଉ ଚତୁର୍ଦ୍ଦିଗରେ ତହିଁର ପ୍ରାନ୍ତ ଧାର ଏକ ଚାଖଣ୍ଡ ପରିମିତ ହେବ; ଏହା ଯଜ୍ଞବେଦିର ତଳଭାଗ ।
\v 14 ପୁଣି, ଭୂମିସ୍ଥ ମୂଳଠାରୁ ତଳ ଥାକ ପର୍ଯ୍ୟନ୍ତ ଦୁଇ ହାତ ଓ ପ୍ରସ୍ଥ ଏକ ହାତ ହେବ । ଆଉ, ସେହି କ୍ଷୁଦ୍ରତର ଥାକଠାରୁ ବଡ଼ ଥାକ ପର୍ଯ୍ୟନ୍ତ ଚାରି ହାତ ଓ ପ୍ରସ୍ଥ ଏକ ହାତ ହେବ ।
\s5
\v 15 ପୁଣି, ଉପରିସ୍ଥ ଯଜ୍ଞବେଦି ଚାରି ହାତ ହେବ ଓ ଯଜ୍ଞବେଦିର ଅଗ୍ନିସ୍ଥାନଠାରୁ ଉପର ଆଡ଼କୁ ଚାରି ଶୃଙ୍ଗ ହେବ ।
\v 16 ଯଜ୍ଞବେଦିର ଅଗ୍ନିସ୍ଥାନ ବାର ହାତ ଦୀର୍ଘ ଓ ବାର ହାତ ପ୍ରସ୍ଥ; ତହିଁର ଚାରି ଦିଗ ସମାନ ହେବ ।
\v 17 ପୁଣି, ଥାକର ଚାରି ପାଖେ ଚଉଦ ହାତ ଦୀର୍ଘ, ପ୍ରସ୍ଥ ଚଉଦ ହାତ ହେବ, ଆଉ ତହିଁର ଧାର ଚାରି ଦିଗରେ ଅଧ ହାତ ଓ ତହିଁର ମୂଳ ଚାରିଆଡ଼େ ଏକ ହାତ ପରିମିତ ହେବ; ପୁଣି, ତହିଁର ପାବଚ୍ଛସବୁ ପୂର୍ବାଭିମୁଖ ହେବ ।"
\s5
\v 18 ଆଉ, ସେ ମୋତେ କହିଲେ, "ହେ ମନୁଷ୍ୟ-ସନ୍ତାନ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ପୁଣି, ଯେଉଁ ସମୟରେ ତହିଁ ଉପରେ ସେମାନେ ହୋମ ବଳିଦାନ ଓ ରକ୍ତ ସିଞ୍ଚନ କରିବା ନିମନ୍ତେ ଯଜ୍ଞବେଦି ନିର୍ମାଣ କରିବେ, ସେହି ସମୟରେ ତହିଁ ସମ୍ବନ୍ଧୀୟ ବିଧି ଏହି ।
\v 19 ପ୍ରଭୁ, ସଦାପ୍ରଭୁ କହନ୍ତି, ସାଦୋକ ବଂଶଜାତ ଯେଉଁ ଲେବୀୟ ଯାଜକଗଣ ଆମ୍ଭର ପରିଚର୍ଯ୍ୟା କରିବା ପାଇଁ ଆମ୍ଭର ନିକଟବର୍ତ୍ତୀ ଅଟନ୍ତି, ସେମାନଙ୍କୁ ତୁମ୍ଭେ ପାପାର୍ଥକ ବଳି ନିମନ୍ତେ ଗୋଟିଏ ଯୁବା ବୃଷ ଦେବ ।"
\s5
\v 20 ପୁଣି, ତୁମ୍ଭେ ତହିଁର ରକ୍ତ ନେଇ ଚାରି ଶୃଙ୍ଗ ଉପରେ ଓ ଥାକର ଚାରି କୋଣ ଉପରେ ଓ ଧାରର ଚାରିଆଡ଼େ ଦେବ, ଏହି ପ୍ରକାର ତୁମ୍ଭେ ବେଦିକୁ ଶୁଚି କରି ତହିଁ ନିମନ୍ତେ ପ୍ରାୟଶ୍ଚିତ୍ତ କରିବ ।
\v 21 ଆହୁରି, ତୁମ୍ଭେ ପାପାର୍ଥକ ବୃଷ ନେବ ଓ ସେ ପବିତ୍ର ସ୍ଥାନର ବାହାରେ ଗୃହର ନିରୂପିତ ସ୍ଥାନରେ ତାହା ଦଗ୍‍ଧ କରିବ ।
\s5
\v 22 ପୁଣି, ତୁମ୍ଭେ ଦ୍ୱିତୀୟ ଦିନରେ ପାପାର୍ଥକ ବଳି ରୂପେ ଏକ ନିର୍ଦ୍ଦୋଷ ଛାଗ ଉତ୍ସର୍ଗ କରିବ; ଆଉ, ସେମାନେ ବୃଷ ନେଇ ଯେପରି କରିଥିଲେ, ସେହିପରି ଯଜ୍ଞବେଦିକୁ ଶୁଚି କରିବେ ।
\v 23 ତୁମ୍ଭେ ତାହା ଶୁଚି କରିବାର ସମାପ୍ତ କଲା ଉତ୍ତାରେ ଗୋଟିଏ ନିର୍ଦ୍ଦୋଷ ଯୁବା ବୃଷ ଓ ପଲରୁ ଏକ ନିର୍ଦ୍ଦୋଷ ମେଷ ଉତ୍ସର୍ଗ କରିବ ।
\v 24 ପୁଣି, ତୁମ୍ଭେ ସେହି ସବୁକୁ ସଦାପ୍ରଭୁଙ୍କ ସମ୍ମୁଖକୁ ଆଣିବ ଓ ଯାଜକମାନେ ସେହି ସବୁର ଉପରେ ଲବଣ ସିଞ୍ଚନ କରି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସେହି ସବୁକୁ ହୋମବଳି ରୂପେ ଉତ୍ସର୍ଗ କରିବେ ।
\s5
\v 25 ସାତ ଦିନଯାଏ ପ୍ରତି ଦିନ ପାପାର୍ଥକ ବଳି ରୂପେ ତୁମ୍ଭେ ଏକ ଛାଗ ଉତ୍ସର୍ଗ କରିବ; ସେମାନେ ମଧ୍ୟ ନିର୍ଦ୍ଦୋଷ ଏକ ଯୁବା ବୃଷ ଓ ପଲରୁ ଏକ ନିର୍ଦ୍ଦୋଷ ମେଷ ଉତ୍ସର୍ଗ କରିବେ ।
\v 26 ସାତ ଦିନଯାଏ ସେମାନେ ଯଜ୍ଞବେଦି ନିମନ୍ତେ ପ୍ରାୟଶ୍ଚିତ୍ତ କରି ତାହା ଶୁଚି କରିବେ, ଏହିରୂପେ ସେମାନେ ତାହା ପ୍ରତିଷ୍ଠା କରିବେ ।
\v 27 ପୁଣି, ସେମାନେ ସେସକଳ ଦିନ ସମାପ୍ତ କଲା ଉତ୍ତାରେ ଅଷ୍ଟମ ଦିନଠାରୁ ଯାଜକମାନେ ଯଜ୍ଞବେଦି ଉପରେ ତୁମ୍ଭମାନଙ୍କର ହୋମାର୍ଥକ ଓ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କରିବେ, ତହିଁରେ ଆମ୍ଭେ ତୁମ୍ଭମାନଙ୍କୁ ଗ୍ରହଣ କରିବା, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି ।
\s5
\c 44
\s ଅଧିପତିଙ୍କ ଦ୍ୱାର
\p
\v 1 ଏଉତ୍ତାରେ ସେ ମୋତେ ପବିତ୍ର ସ୍ଥାନର ପୂର୍ବାଭିମୁଖ ବାହାର ଦ୍ୱାର ବାଟରେ ଫେରାଇ ଆଣିଲେ, ପୁଣି, ଦ୍ୱାର ବନ୍ଦ ଥିଲା ।
\v 2 ପୁଣି, ସଦାପ୍ରଭୁ ମୋତେ କହିଲେ, "ଏହି ଦ୍ୱାର ବନ୍ଦ ରହିବ, ତାହା ମୁକ୍ତ ହେବ ନାହିଁ, କିଅବା କୌଣସି ମନୁଷ୍ୟ ତାହା ଦେଇ ପ୍ରବେଶ କରିବ ନାହିଁ, କାରଣ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ତାହା ଦେଇ ପ୍ରବେଶ କରିଅଛନ୍ତି; ଏଥିପାଇଁ ତାହା ବନ୍ଦ ରହିବ ।
\v 3 କେବଳ ଅଧିପତି, ଅଧିପତି ବୋଲି ସଦାପ୍ରଭୁଙ୍କ ସମ୍ମୁଖରେ ଆହାର କରିବା ପାଇଁ ତହିଁ ମଧ୍ୟରେ ବସିବେ; ସେ ଦ୍ୱାରର ବରଣ୍ଡା ପଥ ଦେଇ ପ୍ରବେଶ କରିବେ ଓ ସେହି ପଥ ଦେଇ ବାହାରି ଯିବେ ।"
\s5
\v 4 ତେବେ ସେ ଉତ୍ତର ଦ୍ୱାର ପଥରେ ମୋତେ ଗୃହ ସମ୍ମୁଖକୁ ଆଣିଲେ; ତହିଁରେ ମୁଁ ଦୃଷ୍ଟିପାତ କଲି, ଆଉ ଦେଖ, ସଦାପ୍ରଭୁଙ୍କ ଗୃହ ସଦାପ୍ରଭୁଙ୍କ ପ୍ରତାପରେ ପରିପୂର୍ଣ୍ଣ ଥିଲା; ତହିଁରେ ମୁଁ ମୁହଁ ମାଡ଼ି ପଡ଼ିଲି ।
\v 5 ପୁଣି, ସଦାପ୍ରଭୁ ମୋତେ କହିଲେ, "ହେ ମନୁଷ୍ୟ-ସନ୍ତାନ, ସଦାପ୍ରଭୁଙ୍କ ଗୃହର ସକଳ ବିଧି ଓ ତହିଁର ସକଳ ବ୍ୟବସ୍ଥା ବିଷୟରେ ଯାହା ଯାହା ଆମ୍ଭେ ତୁମ୍ଭକୁ କହିଅଛୁ, ତୁମ୍ଭେ ଉତ୍ତମ ରୂପେ ମନୋଯୋଗ କରି ତାହା ଆପଣା ଚକ୍ଷୁରେ ଦେଖ ଓ ଆପଣା କର୍ଣ୍ଣରେ ଶୁଣ ଓ ଗୃହରେ ପ୍ରବେଶ କରିବାର ଓ ପବିତ୍ର ସ୍ଥାନରୁ ବାହାରିବାର ସକଳ ବିଷୟରେ ଉତ୍ତମ ରୂପେ ମନୋଯୋଗ କର ।
\s5
\v 6 ପୁଣି, ତୁମ୍ଭେ ବିଦ୍ରୋହୀମାନଙ୍କୁ, ଅର୍ଥାତ୍‍, ଇସ୍ରାଏଲ ବଂଶକୁ କହିବ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି: ହେ ଇସ୍ରାଏଲ ବଂଶ, ତୁମ୍ଭମାନଙ୍କ କୃତ ଘୃଣାଯୋଗ୍ୟ କ୍ରିୟାସକଳ ତୁମ୍ଭମାନଙ୍କ ନିମନ୍ତେ ଯଥେଷ୍ଟ ହେଉ,
\v 7 କାରଣ ତୁମ୍ଭେମାନେ ଅସୁନ୍ନତ ହୃଦୟ ଓ ଅସୁନ୍ନତ ମାଂସବିଶିଷ୍ଟ ବିଦେଶୀୟ ଲୋକମାନଙ୍କୁ ଆମ୍ଭ ପବିତ୍ର ସ୍ଥାନରେ ରହିବା ପାଇଁ ତୁମ୍ଭେମାନେ ଆମ୍ଭର ଭକ୍ଷ୍ୟ, ମେଦ ଓ ରକ୍ତ ଉତ୍ସର୍ଗ କଲା ବେଳେ ଆମ୍ଭର ସେହି ଗୃହକୁ ଅପବିତ୍ର କରିବା ପାଇଁ ସେମାନଙ୍କୁ ଭିତରକୁ ଆଣିଅଛ ଓ ତୁମ୍ଭମାନଙ୍କର ଅଧର୍ମସକଳ ବୃଦ୍ଧି କରିବା ନିମନ୍ତେ ସେମାନେ ଆମ୍ଭର ନିୟମ ଭଗ୍ନ କରିଅଛନ୍ତି ।
\s5
\v 8 ପୁଣି, ତୁମ୍ଭେମାନେ ଆମ୍ଭର ପବିତ୍ର ବସ୍ତୁସକଳର ରକ୍ଷଣୀୟ ରକ୍ଷା କରି ନାହଁ, ମାତ୍ର ତୁମ୍ଭେମାନେ ଆମ୍ଭର ପବିତ୍ର ସ୍ଥାନର ରକ୍ଷଣୀୟ ରକ୍ଷା କରିବା ପାଇଁ ଆପଣାମାନଙ୍କ ନିମନ୍ତେ ରକ୍ଷକ ନିଯୁକ୍ତ କରିଅଛ ।
\v 9 ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ଇସ୍ରାଏଲ ସନ୍ତାନଗଣ ମଧ୍ୟରେ ଯେସକଳ ବିଦେଶୀୟ ଲୋକ ଅଛନ୍ତି, ସେମାନଙ୍କ ମଧ୍ୟରୁ ଅସୁନ୍ନତ ହୃଦୟ ଓ ଅସୁନ୍ନତ ମାଂସବିଶିଷ୍ଟ କୌଣସି ବିଦେଶୀୟ ଲୋକ ଆମ୍ଭ ପବିତ୍ର ସ୍ଥାନରେ ପ୍ରବେଶ କରିବ ନାହିଁ ।"
\s ଲେବୀୟଯାଜକଙ୍କ ନିମନ୍ତେ ବିଧି
\p
\s5
\v 10 ମାତ୍ର ଇସ୍ରାଏଲ ବିପଥଗମନ କରିବା ସମୟରେ ଯେଉଁ ଲେବୀୟମାନେ ଆମ୍ଭଠାରୁ ଦୂରକୁ ଯାଇଥିଲେ, ଆପଣା ଆପଣା ଦେବଗଣର ପଶ୍ଚାଦ୍‍ଗାମୀ ହୋଇ ଆମ୍ଭଠାରୁ ବିପଥରେ ଗମନ କରିଥିଲେ, ସେମାନେ ଆପଣା ଆପଣା ଅଧର୍ମ ବହିବେ ।
\v 11 ତଥାପି ସେମାନେ ଗୃହର ଦ୍ୱାରସକଳର ଦ୍ୱାରୀ ହୋଇ ଓ ଗୃହରେ ପରିଚର୍ଯ୍ୟା କରି ଆମ୍ଭ ପବିତ୍ର ସ୍ଥାନର ପରିଚାରକ ହେବେ; ସେମାନେ ଲୋକମାନଙ୍କ ନିମନ୍ତେ ହୋମବଳି ଓ ପ୍ରାୟଶ୍ଚିତ୍ତାର୍ଥକ ବଳି ବଧ କରିବେ ଓ ଲୋକମାନଙ୍କର ପରିଚର୍ଯ୍ୟା କରିବା ନିମନ୍ତେ ସେମାନଙ୍କ ସମ୍ମୁଖରେ ଠିଆ ହେବେ ।
\v 12 କାରଣ ପ୍ରତିମାଗଣର ସାକ୍ଷାତରେ ସେମାନେ ଲୋକମାନଙ୍କର ପରିଚର୍ଯ୍ୟା କଲେ ଓ ଇସ୍ରାଏଲ ବଂଶର ଅଧର୍ମଜନକ ବିଘ୍ନ ସ୍ୱରୂପ ହେଲେ । ଏଥିପାଇଁ ଆମ୍ଭେ ସେମାନଙ୍କ ପ୍ରତିକୂଳରେ ଆପଣା ହସ୍ତ ଉଠାଉଅଛୁ, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି ଓ ସେମାନେ ଆପଣାମାନଙ୍କର ଅଧର୍ମ ବହିବେ ।
\s5
\v 13 ପୁଣି, ସେମାନେ ଆମ୍ଭ ଯାଜକର କର୍ମ ସାଧନ କରିବା ନିମନ୍ତେ ଆମ୍ଭ ନିକଟକୁ ଆସିବେ ନାହିଁ ଅଥବା ସେମାନେ ଆମ୍ଭର ପବିତ୍ର ଦ୍ରବ୍ୟସକଳର ମଧ୍ୟରୁ କୌଣସି ପବିତ୍ର ଦ୍ରବ୍ୟ ନିକଟକୁ, ଅତି ପବିତ୍ର ଦ୍ରବ୍ୟସକଳ ନିକଟକୁ ଆସିବେ ନାହିଁ; ମାତ୍ର ସେମାନେ ଆପଣାମାନଙ୍କର ଅପମାନ ଓ ଆପଣାମାନଙ୍କ କୃତ ଘୃଣାଯୋଗ୍ୟ କ୍ରିୟାର ଭାର ବହିବେ ।
\v 14 ତଥାପି ଗୃହର ସବୁ ସେବାକାର୍ଯ୍ୟ ନିମନ୍ତେ ଓ ତହିଁ ମଧ୍ୟରେ ଯେସକଳ କାର୍ଯ୍ୟ କରାଯିବ, ତହିଁ ନିମନ୍ତେ ଆମ୍ଭେ ସେମାନଙ୍କୁ ଗୃହର ରକ୍ଷଣୀୟ ବିଷୟର ରକ୍ଷକ କରିବା ।
\s5
\v 15 ମାତ୍ର ଇସ୍ରାଏଲ ସନ୍ତାନମାନେ ଆମ୍ଭଠାରୁ ବିପଥ-ଗମନ କରିବା ସମୟରେ ସାଦୋକର ସନ୍ତାନ ଯେଉଁ ଲେବୀୟ ଯାଜକଗଣ ଆମ୍ଭ ପବିତ୍ର ସ୍ଥାନର ରକ୍ଷଣୀୟ ରକ୍ଷା କଲେ, ସେମାନେ ଆମ୍ଭ ଉଦ୍ଦେଶ୍ୟରେ ପରିଚର୍ଯ୍ୟା କରିବା ନିମନ୍ତେ ଆମ୍ଭ ନିକଟକୁ ଆସିବେ ଓ ଆମ୍ଭ ଉଦ୍ଦେଶ୍ୟରେ ମେଦ ଓ ରକ୍ତ; ଉତ୍ସର୍ଗ କରିବା ନିମନ୍ତେ ଆମ୍ଭ ସମ୍ମୁଖରେ ଠିଆ ହେବେ, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି;
\v 16 ସେମାନେ ଆମ୍ଭ ପବିତ୍ର ସ୍ଥାନରେ ପ୍ରବେଶ କରିବେ ଓ ଆମ୍ଭ ଉଦ୍ଦେଶ୍ୟରେ ପରିଚର୍ଯ୍ୟା କରିବା ନିମନ୍ତେ ଆମ୍ଭ ମେଜ ନିକଟକୁ ଆସିବେ, ଆଉ ସେମାନେ ଆମ୍ଭର ରକ୍ଷଣୀୟ ରକ୍ଷା କରିବେ ।
\s5
\v 17 ପୁଣି, ସେମାନେ ଭିତର ପ୍ରାଙ୍ଗଣର ଦ୍ୱାରରେ ପ୍ରବେଶ କରିବା ସମୟରେ ମସିନାର ବସ୍ତ୍ର ପରିଧାନ କରିବେ, ସେମାନେ ଭିତର ପ୍ରାଙ୍ଗଣର ଦ୍ୱାରରେ ଓ ଭିତରେ ପରିଚର୍ଯ୍ୟା କଲା ବେଳେ କୌଣସି ଲୋମନିର୍ମିତ ବସ୍ତ୍ର ପରିଧାନ କରିବେ ନାହିଁ ।
\v 18 ସେମାନଙ୍କ ମସ୍ତକରେ ମସିନା ବସ୍ତ୍ରର ଶିରୋଭୂଷଣ ଓ କଟିଦେଶରେ ମସିନା ଜଙ୍ଘିଆ ଥିବ; ଯଦ୍ଦ୍ୱାରା ଘର୍ମ ଜାତ ହୁଏ, ଏପରି କୌଣସି ବନ୍ଧନୀରେ ସେମାନେ ଆପଣା କଟି ବାନ୍ଧିବେ ନାହିଁ ।
\s5
\v 19 ପୁଣି, ଯେତେବେଳେ ସେମାନେ ବାହାର ପ୍ରାଙ୍ଗଣକୁ, ଅର୍ଥାତ୍‍, ବାହାର ପ୍ରାଙ୍ଗଣରେ ଲୋକମାନଙ୍କ ନିକଟକୁ ଯିବେ, ସେତେବେଳେ ସେମାନେ ଆପଣାମାନଙ୍କ ପରିଚର୍ଯ୍ୟାର୍ଥକ ବସ୍ତ୍ର କାଢ଼ି ପବିତ୍ର କୋଠରୀରେ ରଖିବେ ଓ ଆପଣାମାନଙ୍କ ସେହି ବସ୍ତ୍ର ଦ୍ୱାରା ଯେପରି ଲୋକମାନଙ୍କୁ ପବିତ୍ର ନ କରନ୍ତି, ଏଥିପାଇଁ ଅନ୍ୟ ବସ୍ତ୍ର ପରିଧାନ କରିବେ ।
\s5
\v 20 ସେମାନେ ଆପଣାମାନଙ୍କର ମସ୍ତକ କ୍ଷୌର କରିବେ ନାହିଁ କିଅବା ଆପଣାମାନଙ୍କର କେଶ ଦୀର୍ଘ ହେବାକୁ ଦେବେ ନାହିଁ; ସେମାନେ କେବଳ କେଶ କର୍ତ୍ତନ କରିବେ ।
\v 21 ଭିତର ପ୍ରାଙ୍ଗଣରେ ପ୍ରବେଶ କରିବା ସମୟରେ କୌଣସି ଯାଜକ ଦ୍ରାକ୍ଷାରସ ପାନ କରିବେ ନାହିଁ ।
\v 22 ପୁଣି, ସେମାନେ ବିଧବା କିଅବା ପରିତ୍ୟକ୍ତା ସ୍ତ୍ରୀକୁ ବିବାହ କରିବେ ନାହିଁ; ମାତ୍ର ଇସ୍ରାଏଲ ବଂଶଜାତ ଅନୂଢ଼ା ସ୍ତ୍ରୀକୁ ଅଥବା ମୃତ ଯାଜକର ବିଧବାକୁ ବିବାହ କରିବେ ।
\s5
\v 23 ପୁଣି, ସେମାନେ ଆମ୍ଭ ଲୋକମାନଙ୍କୁ ପବିତ୍ର ଓ ସାମାନ୍ୟର, ଆଉ, ଅଶୁଚି ଓ ଶୁଚିର ପ୍ରଭେଦ ଶିଖାଇବେ ।
\v 24 ଆଉ, ବିବାଦ ଉପସ୍ଥିତ ହେଲେ, ସେମାନେ ବିଚାର କରିବା ପାଇଁ ଠିଆ ହେବେ; ଆମ୍ଭର ସକଳ ଶାସନାନୁସାରେ ସେମାନେ ବିଚାର ନିଷ୍ପନ୍ନ କରିବେ; ପୁଣି, ସେମାନେ ଆମ୍ଭର ନିରୂପିତ ସମସ୍ତ ପର୍ବରେ ଆମ୍ଭର ବ୍ୟବସ୍ଥା ଓ ଆମ୍ଭ ବିଧିସବୁ ପାଳନ କରିବେ ଓ ସେମାନେ ଆମ୍ଭର ବିଶ୍ରାମ ଦିନସକଳ ପବିତ୍ର କରିବେ ।
\s5
\v 25 ପୁଣି, ସେମାନେ ଆପଣାମାନଙ୍କୁ ଅଶୁଚି କରିବା ପାଇଁ କୌଣସି ମୃତ ଲୋକର ଶବ ନିକଟକୁ ଆସିବେ ନାହିଁ; ମାତ୍ର ପିତା ଅବା ମାତା ଅବା ପୁତ୍ର ଅବା କନ୍ୟା, ଭ୍ରାତା ଅବା ଅବିବାହିତା ଭଗିନୀ ନିମନ୍ତେ ସେମାନେ ଆପଣାମାନଙ୍କୁ ଅଶୁଚି କରି ପାରିବେ ।
\v 26 ଯାଜକ ଶୁଚି ହେଲା ଉତ୍ତାରେ ତାହା ପାଇଁ ସାତ ଦିନ ଗଣିତ ହେବ ।
\v 27 ପୁଣି, ପ୍ରଭୁ, ସଦାପ୍ରଭୁ କହନ୍ତି, ଯେଉଁଦିନ ସେ ପବିତ୍ର ସ୍ଥାନରେ ପରିଚର୍ଯ୍ୟା କରିବା ପାଇଁ ପବିତ୍ର ସ୍ଥାନର ଭିତର ପ୍ରାଙ୍ଗଣକୁ ଯାଏ, ସେହି ଦିନ ସେ ଆପଣାର ପାପାର୍ଥକ ବଳି ଉତ୍ସର୍ଗ କରିବ ।
\s5
\v 28 ଆଉ, ସେମାନେ ଏକ ଉତ୍ତରାଧିକାର ପ୍ରାପ୍ତ ହେବେ; ଆମ୍ଭେ ସେମାନଙ୍କର ଉତ୍ତରାଧିକାର ଓ ତୁମ୍ଭେମାନେ ଇସ୍ରାଏଲ ମଧ୍ୟରେ ସେମାନଙ୍କୁ କୌଣସି ଅଧିକାର ଦେବ ନାହିଁ, ଆମ୍ଭେ ସେମାନଙ୍କର ଅଧିକାର ଅଟୁ ।
\v 29 ସେମାନେ ଭକ୍ଷ୍ୟ ନୈବେଦ୍ୟ, ପାପାର୍ଥକ ବଳି ଓ ଦୋଷାର୍ଥକ ବଳି ଭୋଜନ କରିବେ; ଆଉ, ଇସ୍ରାଏଲ ମଧ୍ୟରେ ଯାବତୀୟ ବର୍ଜିତ ଦ୍ରବ୍ୟ ସେମାନଙ୍କର ହେବ ।
\s5
\v 30 ପୁଣି, ସବୁ ଦ୍ରବ୍ୟର ପ୍ରଥମ ଫଳର ଅଗ୍ରିମାଂଶ ଓ ତୁମ୍ଭମାନଙ୍କର ଯାବତୀୟ ଉପହାର ମଧ୍ୟରେ ପ୍ରତ୍ୟେକ ଉପହାର ଯାଜକମାନଙ୍କର ହେବ; ମଧ୍ୟ ତୁମ୍ଭେମାନେ ଆପଣା ଆପଣା ଗୃହରେ ଆଶୀର୍ବାଦ ଅବସ୍ଥିତି କରାଇବା ପାଇଁ ଯାଜକକୁ ଆପଣା ଆପଣା ସୁଜିର ଅଗ୍ରୀମାଂଶ ଦେବ ।
\v 31 ସ୍ୱୟଂମୃତ ଅବା ବିଦୀର୍ଣ୍ଣ କୌଣସି ପକ୍ଷୀ କିମ୍ବା ପଶୁ ଯାଜକମାନେ ଭୋଜନ କରିବେ ନାହିଁ ।
\s5
\c 45
\s ଦେଶରେ ସଦାପ୍ରଭୁଙ୍କ ଅଂଶ
\p
\v 1 ଆହୁରି, ଯେଉଁ ସମୟରେ ତୁମ୍ଭେମାନେ ଉତ୍ତରାଧିକାର ନିମନ୍ତେ ଗୁଲିବାଣ୍ଟ ଦ୍ୱାରା ଦେଶ ବିଭାଗ କରିବ, ସେହି ସମୟରେ ଦେଶର ଏକ ପବିତ୍ର ଅଂଶ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉପହାର ରୂପେ ଉତ୍ସର୍ଗ କରିବ; ତହିଁର ଦୀର୍ଘତା ପଚିଶ ହଜାର ଓ ପ୍ରସ୍ଥ ଦଶ ହଜାର ନଳ ହେବ; ତାହା ଚତୁର୍ଦ୍ଦିଗରେ ତହିଁର ସମସ୍ତ ସୀମା ମଧ୍ୟରେ ପବିତ୍ର ହେବ ।
\v 2 ତହିଁ ମଧ୍ୟରୁ ପାଞ୍ଚଶହ ନଳ ଦୀର୍ଘ, ପାଞ୍ଚଶହ ନଳ ପ୍ରସ୍ଥ ସମଚତୁଷ୍କୋଣ ହୋଇ ପବିତ୍ର ସ୍ଥାନ ନିମନ୍ତେ ରହିବ ଓ ଚାରିଆଡ଼େ ପଚାଶ ହାତ ପରିମିତ ତଳଭୂମି ରହିବ ।
\s5
\v 3 ଆଉ, ଏହି ପରିମିତ ଅଂଶରୁ ତୁମ୍ଭେ ପଚିଶହଜାର ନଳ ଦୀର୍ଘ ଓ ଦଶହଜାର ନଳ ପ୍ରସ୍ଥ ଭୂମି ମାପିବ; ପୁଣି, ତହିଁ ମଧ୍ୟରେ ଧର୍ମଧାମ, ମହାପବିତ୍ର ସ୍ଥାନ ହେବ ।
\v 4 ଦେଶର ଏହି ଅଂଶ ପବିତ୍ର ଅଟେ; ଯେଉଁ ଯାଜକମାନେ, ପବିତ୍ର ସ୍ଥାନର ପରିଚାରକମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପରିଚର୍ଯ୍ୟା କରିବା ପାଇଁ ନିକଟକୁ ଆସନ୍ତି, ଏହି ସ୍ଥାନ ସେମାନଙ୍କର ହେବ ଓ ଏହା ସେମାନଙ୍କ ଗୃହ ନିର୍ମାଣର ସ୍ଥାନ ଓ ଧର୍ମଧାମର ନିମନ୍ତେ ପବିତ୍ର ସ୍ଥାନ ହେବ ।
\v 5 ପୁଣି, ପଚିଶହଜାର ନଳ ଦୀର୍ଘ ଓ ଦଶହଜାର ନଳ ପ୍ରସ୍ଥ ଭୂମି କୋଡ଼ିଏ କୋଠରୀ ସକାଶୁ ଗୃହର ପରିଚାରକ ଲେବୀୟମାନଙ୍କର ଅଧିକାରର୍ଥେ ହେବ ।
\s5
\v 6 ଆଉ, ନଗରର ଅଧିକାର ନିମନ୍ତେ ତୁମ୍ଭେମାନେ ପବିତ୍ର ଉପହାରରୂପ ଅଂଶର ପାଖେ ପାଖେ ପାଞ୍ଚହଜାର ନଳ ପ୍ରସ୍ଥ ଓ ପଚିଶହଜାର ନଳ ଦୀର୍ଘ ଭୂମି ନିରୂପଣ କରିବ; ତାହା ସମୁଦାୟ ଇସ୍ରାଏଲ ବଂଶର ନିମନ୍ତେ ହେବ ।
\s ଅଧିପତିର ଅଂଶ
\p
\v 7 ପୁଣି, ଅଧିପତିର ନିମନ୍ତେ ଯାହା ହେବ, ସେ ଭୂମି ପବିତ୍ର ଉପହାର ଓ ନଗର ଅଧିକାର ଭୂମିର ଏପାଖରେ ଓ ସେପାଖରେ ରହିବ, ତାହା ପବିତ୍ର ଉପହାରର ଓ ନଗର ଅଧିକାରର ସମ୍ମୁଖବର୍ତ୍ତୀ ହୋଇ ପଶ୍ଚିମ ପାର୍ଶ୍ୱରେ ପଶ୍ଚିମ ପ୍ରତି ଓ ପୂର୍ବ ପାର୍ଶ୍ୱରେ ପୂର୍ବ ପ୍ରତି ବିସ୍ତୃତ ହେବ; ଆଉ, ତାହା ଦୀର୍ଘତାରେ ପଶ୍ଚିମ ସୀମାଠାରୁ ପୂର୍ବ ସୀମା ପର୍ଯ୍ୟନ୍ତ ଅଂଶମାନର ମଧ୍ୟରୁ ଏକ ଅଂଶର ସମାନ ହେବ ।
\s5
\v 8 ଏହା ଦେଶ ମଧ୍ୟରେ ତାହାର, ଅର୍ଥାତ୍‍, ଇସ୍ରାଏଲ ମଧ୍ୟରେ ତାହାର ଅଧିକାରାର୍ଥେ ହେବ; ପୁଣି, ଆମ୍ଭର ଅଧିପତିମାନେ ଆମ୍ଭ ଲୋକମାନଙ୍କ ପ୍ରତି ଆଉ ଉପଦ୍ରବ କରିବେ ନାହିଁ; ମାତ୍ର ଇସ୍ରାଏଲ ବଂଶକୁ ସେମାନଙ୍କର ଗୋଷ୍ଠୀ ଅନୁସାରେ ଦେଶ ଦେବେ ।
\s5
\v 9 ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ହେ ଇସ୍ରାଏଲର ଅଧିପତିମାନେ, ତୁମ୍ଭମାନଙ୍କ ନିମନ୍ତେ ଏହା ଯଥେଷ୍ଟ ହେଉ; ତୁମ୍ଭେମାନେ ଦୌରାତ୍ମ୍ୟ ଓ ଧନାପହାର ଦୂର କର, ଆଉ ନ୍ୟାୟ ଓ ଯଥାର୍ଥ ବିଚାର କର; ତୁମ୍ଭେମାନେ ଆମ୍ଭ ଲୋକମାନଙ୍କଠାରୁ ବଳପୂର୍ବକ ଅପହରଣ କରିବାର ଦୂର କର, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି ।
\v 10 ତୁମ୍ଭେମାନେ ଯଥାର୍ଥ ତରାଜୁ, ଯଥାର୍ଥ ଐଫା ଓ ଯଥାର୍ଥ ବାତ୍‍ ରଖିବ ।
\v 11 ବାତ୍‍ ଯେପରି ହୋମରର ଦଶମାଂଶ ହେବ ଓ ଐଫା ହୋମରର ଦଶମାଂଶ ହେବ, ଏଥିପାଇଁ ଐଫା ଓ ବାତ୍‍ର ଏକ ସମାନ ପରିମାଣ ହେବ; ତହିଁର ପରିମାଣ ହୋମର ଅନୁସାରେ ହେବ ।
\v 12 ପୁଣି, ଶେକଲ କୋଡ଼ିଏ ଗେରା ହେବ; କୋଡ଼ିଏ ଶେକଲ, ପଚିଶ ଶେକଲ, ପନ୍ଦର ଶେକଲ ତୁମ୍ଭମାନଙ୍କ ନିମନ୍ତେ ଏକ ମାନୀ ହେବ ।
\s5
\v 13 ତୁମ୍ଭେମାନେ ଏହି ଉପହାର ଉତ୍ସର୍ଗ କରିବ; ଗହମର ଏକ ହୋମରରୁ ଏକ ଐଫାର ଷଷ୍ଠାଂଶ ଓ ଯବର ଏକ ହୋମରରୁ ଏକ ଐଫାର ଷଷ୍ଠାଂଶ ଦେବ;
\v 14 ପୁଣି, ବାତ୍‍ସମ୍ବନ୍ଧୀୟ ତୈଳର ନିରୂପିତ ଅଂଶ କୋରରୁ ଏକ ବାତ୍‍ର ଦଶମାଂଶ ହେବ, କୋର ଦଶ ବାତ୍‍, ଅର୍ଥାତ୍‍, ଏକ ହୋମର; କାରଣ ଦଶ ବାତ୍‍ରେ ଏକ ହୋମର ହୁଏ;
\v 15 ଆଉ, ଇସ୍ରାଏଲର ଉତ୍ତମ ଚରାଣୀ ସ୍ଥାନରୁ ପଲର ଦୁଇଶହ ମେଷ ମଧ୍ୟରୁ ଏକ ମେଷ (ନେବ); ତାହା ଲୋକମାନଙ୍କ ନିମନ୍ତେ ପ୍ରାୟଶ୍ଚିତ୍ତ କରିବା ପାଇଁ ଭକ୍ଷ୍ୟ ନୈବେଦ୍ୟ, ହୋମବଳି ଓ ମଙ୍ଗଳାର୍ଥକ ବଳି ହେବ, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି ।
\s5
\v 16 ଦେଶର ସମସ୍ତ ଲୋକ ଇସ୍ରାଏଲର ଅଧିପତିର ଏହି ଉପହାର ନିମନ୍ତେ ଦେବେ ।
\v 17 ପୁଣି, ପର୍ବାଦିରେ, ଅମାବାସ୍ୟାରେ ଓ ବିଶ୍ରାମବାର ସକଳରେ, ଇସ୍ରାଏଲ ବଂଶର ସକଳ ନିରୂପିତ ପର୍ବ ସମୟରେ ହୋମବଳି, ଭକ୍ଷ୍ୟ ନୈବେଦ୍ୟ ଓ ପେୟ ନୈବେଦ୍ୟ ଉତ୍ସର୍ଗ କରିବାର ଅଧିପତିର ବାଣ୍ଟ ହେବ; ସେ ଇସ୍ରାଏଲ ବଂଶ ନିମନ୍ତେ ପ୍ରାୟଶ୍ଚିତ୍ତ କରିବା ପାଇଁ ପାପାର୍ଥକ ବଳି ଓ ଭକ୍ଷ୍ୟ ନୈବେଦ୍ୟ, ହୋମବଳି ଓ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କରିବେ ।
\s5
\v 18 ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ପ୍ରଥମ ମାସ, ମାସର ପ୍ରଥମ ଦିନ ତୁମ୍ଭେ ଏକ ନିର୍ଦ୍ଦୋଷ ଗୋବତ୍ସ ନେଇ ପବିତ୍ର ସ୍ଥାନ ଶୁଚି କରିବ ।
\v 19 ପୁଣି, ଯାଜକ ପାପାର୍ଥକ ବଳିର ରକ୍ତରୁ କିଛି ନେଇ ଗୃହର ଚୌକାଠମାନର ଉପରେ ଓ ଯଜ୍ଞବେଦି ଥାକର ଚାରି କୋଣର ଉପରେ, ଆଉ ଭିତର ପ୍ରାଙ୍ଗଣର ଦ୍ୱାର ଚୌକାଠର ଉପରେ ଲଗାଇବ ।
\v 20 ଆଉ, ଯେ ପ୍ରତ୍ୟେକ ଲୋକ ଭ୍ରାନ୍ତିରେ କୌଣସି କାର୍ଯ୍ୟ କରେ, ତାହାର ପାଇଁ ଓ ଯେଉଁ ଲୋକ ଅସତର୍କ, ତାହାର ପାଇଁ ତୁମ୍ଭେ ମାସର ସପ୍ତମ ଦିନରେ ଏହି ପ୍ରକାର କରିବ; ଏରୂପେ ତୁମ୍ଭେମାନେ ଗୃହ ନିମନ୍ତେ ପ୍ରାୟଶ୍ଚିତ୍ତ କରିବ ।
\s5
\v 21 ପ୍ରଥମ ମାସ, ମାସର ଚତୁର୍ଦ୍ଦଶ ଦିନ ତୁମ୍ଭମାନଙ୍କ ନିସ୍ତାର ପର୍ବ ହେବ, ତାହା ସାତ ଦିନର ପର୍ବ ହେବ; ତାଡ଼ିଶୂନ୍ୟ ରୁଟି ଭୋଜନ କରାଯିବ ।
\v 22 ପୁଣି, ସେହିଦିନ ଅଧିପତି ଆପଣା ନିମନ୍ତେ ଓ ଦେଶସ୍ଥ ସକଳ ଲୋକଙ୍କ ନିମନ୍ତେ ପାପାର୍ଥକ ବଳି ରୂପେ ଏକ ବୃଷ ଉତ୍ସର୍ଗ କରିବେ ।
\s5
\v 23 ଆଉ, ପର୍ବର ସାତ ଦିନଯାଏ ସେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମବଳି ଉତ୍ସର୍ଗ କରିବେ, ସାତ ଦିନ ଯାଏ ପ୍ରତିଦିନ ନିର୍ଦ୍ଦୋଷ ସାତ ବୃଷ ଓ ସାତ ମେଷ, ଆଉ ପାପାର୍ଥକ ବଳି ରୂପେ ପ୍ରତିଦିନ ଏକ ଛାଗ ଉତ୍ସର୍ଗ କରିବେ ।
\v 24 ପୁଣି, ସେ ଏକ ଏକ ବୃଷ ସଙ୍ଗେ ଏକ ଏକ ଐଫା, ଏକ ଏକ ମେଷ ସଙ୍ଗେ ଏକ ଏକ ଐଫା ଓ ପ୍ରତ୍ୟେକ ଐଫା ସଙ୍ଗେ ଏକ ଏକ ହୀନ୍‍ ତୈଳର ଭକ୍ଷ୍ୟ ନୈବେଦ୍ୟ ଉତ୍ସର୍ଗ କରିବେ ।
\s5
\v 25 ସପ୍ତମ ମାସ, ମାସର ପଞ୍ଚଦଶ ଦିନ ପର୍ବ ସମୟରେ ସେ ସାତ ଦିନଯାଏ ଏହିରୂପ, ଅର୍ଥାତ୍‍, ପାପାର୍ଥକ ବଳିର, ହୋମାର୍ଥକ ବଳିର ଓ ଭକ୍ଷ୍ୟ ନୈବେଦ୍ୟର, ଆଉ ତୈଳଦାନର ବିଧି ଅନୁଯାୟୀ ଉତ୍ସର୍ଗ କରିବେ ।
\s5
\c 46
\s ପର୍ବରେ ରାଜାଙ୍କ ଦାୟିତ୍ୱ
\p
\v 1 ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ଭିତର ପ୍ରାଙ୍ଗଣର ପୂର୍ବାଭିମୁଖ ଦ୍ୱାର କାର୍ଯ୍ୟ କରିବାର ଛଅ ଦିନଯାକ ବନ୍ଦ ରହିବ; ମାତ୍ର ବିଶ୍ରାମ ଦିନ ଖୋଲା ହେବ ଓ ଅମାବାସ୍ୟା ଦିନ ଖୋଲା ହେବ ।
\v 2 ପୁଣି, ଅଧିପତି ବାହାର ଦ୍ୱାରର ବରଣ୍ଡା ପଥ ଦେଇ ପ୍ରବେଶ କରି ଦ୍ୱାର-ଚୌକାଠ ନିକଟରେ ଠିଆ ହେବେ ଓ ଯାଜକମାନେ ତାଙ୍କର ହୋମାର୍ଥକ ଓ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କରିବେ, ଆଉ ସେ ଦ୍ୱାର-ପ୍ରବେଶ ସ୍ଥାନରେ ପ୍ରଣାମ କରିବେ ଓ ତହିଁ ଉତ୍ତାରେ ବାହାରି ଯିବେ; ମାତ୍ର ସନ୍ଧ୍ୟା ପର୍ଯ୍ୟନ୍ତ ଦ୍ୱାର ବନ୍ଦ କରାଯିବ ନାହିଁ ।
\s5
\v 3 ଆଉ, ଦେଶର ଲୋକମାନେ ବିଶ୍ରାମବାରରେ ଓ ଅମାବାସ୍ୟାରେ ସେହି ଦ୍ୱାର-ପ୍ରବେଶ ସ୍ଥାନ ନିକଟରେ ଓ ସଦାପ୍ରଭୁଙ୍କ ସମ୍ମୁଖରେ ପ୍ରଣାମ କରିବେ ।
\v 4 ପୁଣି, ଅଧିପତି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଯେଉଁ ହୋମବଳି ଉତ୍ସର୍ଗ କରିବେ, ତାହା ବିଶ୍ରାମ ଦିନରେ ନିର୍ଦ୍ଦୋଷ ଛଅଗୋଟି ମେଷଶାବକ ଓ ନିର୍ଦ୍ଦୋଷ ଏକଗୋଟି ମେଷ ହେବ ।
\v 5 ଆଉ, ଭକ୍ଷ୍ୟ ନୈବେଦ୍ୟ ରୂପେ ମେଷ ସଙ୍ଗେ ଏକ ଐଫା ଦେବେ ଓ ମେଷଶାବକମାନଙ୍କ ସଙ୍ଗେ ସେ ଆପଣା ଶକ୍ତି ଅନୁସାରେ ଭକ୍ଷ୍ୟ ନୈବେଦ୍ୟ ଦେବେ, ପୁଣି ଏକ ଏକ ଐଫା ପାଇଁ ଏକ ଏକ ହିନ୍‍ ତୈଳ ଦେବେ ।
\s5
\v 6 ଆଉ, ଅମାବାସ୍ୟା ଦିନ (ହୋମବଳି ନିମନ୍ତେ) ଏକ ନିର୍ଦ୍ଦୋଷ ଗୋବତ୍ସ ହେବ, ଛଅ ମେଷଶାବକ ଓ ଏକ ମେଷ ହେବ; ଏସବୁ ନିର୍ଦ୍ଦୋଷ ହେବେ;
\v 7 ଆଉ, ସେ ଭକ୍ଷ୍ୟ ନୈବେଦ୍ୟ ରୂପେ ଗୋବତ୍ସ ସଙ୍ଗେ ଏକ ଐଫା, ମେଷ ସଙ୍ଗେ ଏକ ଐଫା ଓ ମେଷଶାବକମାନଙ୍କ ସଙ୍ଗେ ଆପଣା ଶକ୍ତି ଅନୁସାରେ ଦେବେ, ଆଉ ଏକ ଏକ ଐଫା ପାଇଁ ଏକ ଏକ ହିନ୍‍ ତୈଳ ଦେବେ ।
\v 8 ପୁଣି, ଅଧିପତି ଯେତେବେଳେ ପ୍ରବେଶ କରିବେ, ସେତେବେଳେ ସେ ଦ୍ୱାର ବରଣ୍ଡା ପଥ ଦେଇ ଭିତରେ ପ୍ରବେଶ କରିବେ ଓ ସେହି ପଥ ଦେଇ ବାହାରି ଯିବେ ।
\s5
\v 9 ମାତ୍ର ନିରୂପିତ ପର୍ବମାନର ସମୟରେ ଯେତେ-ବେଳେ ଦେଶର ଲୋକମାନେ ସଦାପ୍ରଭୁଙ୍କ ଛାମୁକୁ ଆସିବେ, ସେତେବେଳେ ଯେଉଁ ଲୋକ ପ୍ରଣାମ କରିବା ପାଇଁ ଉତ୍ତର ଦ୍ୱାରର ପଥ ଦେଇ ଭିତରକୁ ଆସେ, ସେ ଦକ୍ଷିଣ ଦ୍ୱାରର ପଥ ଦେଇ ବାହାରି ଯିବ ଓ ଯେଉଁ ଲୋକ ଦକ୍ଷିଣ ଦ୍ୱାର ଦେଇ ଭିତରେ ପ୍ରବେଶ କରେ, ସେ ଉତ୍ତର ଦ୍ୱାରର ପଥ ଦେଇ ବାହାରି ଯିବ; ସେ ଯେଉଁ ଦ୍ୱାରର ପଥ ଦେଇ ଭିତରକୁ ଆସିଲା, ସେହି ପଥ ଦେଇ ଫେରିବ ନାହିଁ, ମାତ୍ର ଆପଣା ସମ୍ମୁଖସ୍ଥ ପଥ ଦେଇ ବାହାରି ଯିବ ।
\v 10 ପୁଣି, ଲୋକମାନେ ଯେତେବେଳେ ଭିତରକୁ ଯିବେ, ସେତେବେଳେ ଅଧିପତି ସେମାନଙ୍କ ମଧ୍ୟରେ ଥାଇ ଭିତରକୁ ଯିବେ ଓ ବାହାରି ଯିବା ବେଳେ ସେମାନେ ଏକତ୍ର ହୋଇ ବାହାରି ଯିବେ ।
\s5
\v 11 ଆଉ, ପର୍ବ ଓ ଉତ୍ସବାଦି ସମୟରେ ଭକ୍ଷ୍ୟ ନୈବେଦ୍ୟ ରୂପେ ଏକ ଗୋବତ୍ସ ସଙ୍ଗେ ଏକ ଐଫା ଓ ଏକ ମେଷ ସଙ୍ଗେ ଏକ ଐଫା, ଆଉ ମେଷଶାବକମାନଙ୍କ ସଙ୍ଗେ ସେ ଆପଣା ଶକ୍ତି ଅନୁସାରେ ଓ ଏକ ଏକ ଐଫା ସଙ୍ଗେ ଏକ ଏକ ହିନ୍‍ ତୈଳ ଦେବେ ।
\v 12 ପୁଣି, ଅଧିପତି ଯେତେବେଳେ ସ୍ଵେଚ୍ଛାଦତ୍ତ ଉପହାର, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମବଳି ଅବା ମଙ୍ଗଳାର୍ଥକ ବଳି ସ୍ଵେଚ୍ଛାଦତ୍ତ ଉପହାର ରୂପେ ଉତ୍ସର୍ଗ କରିବେ, ସେତେବେଳେ ତାଙ୍କ ପାଇଁ ପୂର୍ବାଭିମୁଖ ଦ୍ୱାର ଫିଟାଯିବ, ଆଉ ସେ ବିଶ୍ରାମ ଦିନରେ ଯେପରି କରନ୍ତି, ସେହିପରି ଆପଣା ହୋମବଳି ଓ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କରିବେ । ତହୁଁ ସେ ବାହାରି ଯିବେ ଓ ବାହାରି ଗଲା ଉତ୍ତାରେ ଦ୍ୱାର ବନ୍ଦ କରାଯିବ ।
\s5
\v 13 ପୁଣି, ତୁମ୍ଭେ ପ୍ରତିଦିନ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମବଳି ନିମନ୍ତେ ଏକ ବର୍ଷୀୟ ନିର୍ଦ୍ଦୋଷ ଏକ ମେଷଶାବକ ଉତ୍ସର୍ଗ କରିବ; ପ୍ରତି ପ୍ରଭାତ ତୁମ୍ଭେ ତାହା ଉତ୍ସର୍ଗ କରିବ ।
\v 14 ଆଉ, ତହିଁ ସଙ୍ଗେ ତୁମ୍ଭେ ପ୍ରତି ପ୍ରଭାତ ଭକ୍ଷ୍ୟ ନୈବେଦ୍ୟ ରୂପେ ଏକ ଐଫାର ଷଷ୍ଠାଂଶ ଓ ସରୁ ମଇଦାକୁ ତିନ୍ତାଇବା ପାଇଁ ଏକ ହିନ୍‍ର ତୃତୀୟାଂଶ ତୈଳ ଉତ୍ସର୍ଗ କରିବ; ଏହା ନିତ୍ୟସ୍ଥାୟୀ ବିଧି ଅନୁସାରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଚିରକାଳୀନ ଭକ୍ଷ୍ୟ ନୈବେଦ୍ୟ ଅଟେ ।
\v 15 ଏହିରୂପେ ଲୋକମାନେ ନିତ୍ୟ ହୋମବଳି ରୂପେ ପ୍ରତି ପ୍ରଭାତ ମେଷ, ଭକ୍ଷ୍ୟ ନୈବେଦ୍ୟ ଓ ତୈଳ ଉତ୍ସର୍ଗ କରିବେ ।
\s5
\v 16 ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି : ଅଧିପତି ଯଦି ଆପଣା ପୁତ୍ରଗଣ ମଧ୍ୟରୁ କାହାକୁ କିଛି ଦାନ କରନ୍ତି, ତେବେ ତାହା ତାଙ୍କ ଉତ୍ତରାଧିକାର, ତାହା ତାଙ୍କ ପୁତ୍ରଗଣର ହେବ; ସେମାନେ ଉତ୍ତରାଧିକାର କ୍ରମେ ତାହା ଭୋଗ କରିବେ ।
\v 17 ମାତ୍ର ସେ ଯଦି ଆପଣାର ଦାସମାନଙ୍କ ମଧ୍ୟରୁ ଜଣକୁ ଆପଣା ଉତ୍ତରାଧିକାରରୁ କିଛି ଦାନ କରନ୍ତି, ତେବେ ତାହା ମୁକ୍ତି ବର୍ଷ ପର୍ଯ୍ୟନ୍ତ ତାହାର ହେବ; ତହିଁ ଉତ୍ତାରେ ତାହା ଅଧିପତିଙ୍କର ହେବ; ତାଙ୍କ ଉତ୍ତରାଧିକାରୀତ୍ତ୍ୱ କେବଳ ତାଙ୍କ ପୁତ୍ରଗଣର ହେବ ।
\v 18 ଆହୁରି, ଅଧିପତି ଲୋକମାନଙ୍କୁ ସେମାନଙ୍କ ଅଧିକାରରୁ ଚ୍ୟୁତ କରିବା ନିମନ୍ତେ ସେମାନଙ୍କ ଉତ୍ତରାଧିକାର ହରଣ କରିବେ ନାହିଁ; ଆମ୍ଭର ଲୋକମାନେ ଆପଣା ଆପଣା ଅଧିକାରରୁ ଯେପରି ଛିନ୍ନଭିନ୍ନ ହୋଇ ନ ଯା'ନ୍ତି, ଏଥିପାଇଁ ସେ ଆପଣା ଅଧିକାର ମଧ୍ୟରୁ ଆପଣା ପୁତ୍ରମାନଙ୍କୁ ଉତ୍ତରାଧିକାର ଦାନ କରିବେ ।
\s5
\v 19 ଏଉତ୍ତାରେ ସେ ଦ୍ୱାର ପାର୍ଶ୍ୱସ୍ଥ ପ୍ରବେଶ ପଥ ଦେଇ ମୋତେ ଯାଜକମାନଙ୍କର ଉତ୍ତରାଭିମୁଖ ପବିତ୍ର କୋଠରୀ-ଶ୍ରେଣୀକୁ ଆଣିଲେ; ଆଉ ଦେଖ, ସେଠାରେ ପଶ୍ଚିମ ଦିଗର ପଶ୍ଚାତ ଭାଗରେ ଏକ ସ୍ଥାନ ଥିଲା ।
\s ମନ୍ଦିର ପାକଶାଳା
\p
\v 20 ପୁଣି, ସେ ମୋତେ କହିଲେ, "ଏହି ସ୍ଥାନରେ ଯାଜକମାନେ ଦୋଷାର୍ଥକ ବଳି, ପାପାର୍ଥକ ବଳି ସିଦ୍ଧ କରିବେ ଓ ଭକ୍ଷ୍ୟ ନୈବେଦ୍ୟ ପାକ କରିବେ; ସେମାନେ ଲୋକମାନଙ୍କୁ ଶୁଚି କରିବା ନିମନ୍ତେ ବାହାର ପ୍ରାଙ୍ଗଣକୁ ତାହାସବୁ ଆଣିବେ ନାହିଁ ।"
\s5
\v 21 ଏଉତ୍ତାରେ ସେ ମୋତେ ବାହାର ପ୍ରାଙ୍ଗଣକୁ ଆଣି ସେହି ପ୍ରାଙ୍ଗଣର ଚାରି କୋଣ ଦେଇ ଗମନ କରାଇଲେ; ଆଉ ଦେଖ, ସେହି ପ୍ରାଙ୍ଗଣର ପ୍ରତ୍ୟେକ କୋଣରେ ଗୋଟିଏ ଗୋଟିଏ ପ୍ରାଙ୍ଗଣ ଥିଲା ।
\v 22 ପ୍ରାଙ୍ଗଣର ଚାରି କୋଣରେ ଚାଳିଶ ହାତ ଦୀର୍ଘ ଓ ତିରିଶ ହାତ ପ୍ରସ୍ଥ ପ୍ରାଚୀରବେଷ୍ଟିତ ଏକ ଏକ ପ୍ରାଙ୍ଗଣ ଥିଲା; କୋଣମାନର ଏହି ଚାରି ପ୍ରାଙ୍ଗଣର ସମାନ ମାପ ଥିଲା ।
\v 23 ପୁଣି, ସେହି ଚାରିର ଭିତରେ ଚାରିଆଡ଼େ ଏକ ଏକ ଧାଡ଼ି ଗାନ୍ଥୁନୀ ଥିଲା, ଆଉ ସେହିସବୁ ଧାଡ଼ିର ତଳେ ଚାରିଆଡ଼େ ପାକ ସ୍ଥାନ ନିର୍ମିତ ହୋଇଥିଲା ।
\v 24 ଏଥିରେ ସେ ମୋତେ କହିଲେ, "ସବୁ ପାକ ଗୃହ, ଏସ୍ଥାନରେ ଗୃହର ପରିଚାରକମାନେ ଲୋକମାନଙ୍କ ବଳି ସିଦ୍ଧ କରିବେ ।"
\s5
\c 47
\s ମନ୍ଦିରରୁ ନିର୍ଗତ ହେଉଥିବା ଝରଣା
\p
\v 1 ଏଥିଉତ୍ତାରେ ସେ ମୋତେ ଫେରାଇ ଗୃହର ଦ୍ୱାର ନିକଟକୁ ଆଣିଲେ; ଆଉ ଦେଖ, ଗୃହ-ପ୍ରବେଶ ସ୍ଥାନର ତଳରୁ ଜଳ ନିର୍ଗତ ହୋଇ ପୂର୍ବ ଦିଗରେ ବହିଲା, କାରଣ ଗୃହର ଅଗ୍ରଭାଗ ପୂର୍ବାଭିମୁଖ ଥିଲା; ଆଉ, ସେହି ଜଳ ତଳରୁ ଗୃହର ଦକ୍ଷିଣ ପାର୍ଶ୍ୱ ଦେଇ ଯଜ୍ଞବେଦିର ଦକ୍ଷିଣ ଦିଗରେ ବହିଲା ।
\v 2 ତେବେ ସେ ମୋତେ ଉତ୍ତର ଦ୍ୱାରର ପଥ ଦେଇ ବାହାର କରାଇ ଆଣିଲେ, ଆଉ ବାହାର ପଥ ଦେଇ ବୁଲାଇ ପୂର୍ବାଭିମୁଖ ଦ୍ୱାରର ପଥ ଦେଇ ବାହାର ଦ୍ୱାରକୁ ନେଇ ଗଲେ; ଆଉ ଦେଖ, ସେହି ସ୍ଥାନରେ ଦକ୍ଷିଣ ପାର୍ଶ୍ୱରେ ଜଳ ବହୁଥିଲା ।
\s5
\v 3 ସେହି ବ୍ୟକ୍ତି ଯେତେବେଳେ ପରିମାପକ ରଜ୍ଜୁ ଆପଣା ହସ୍ତରେ ଧରି ପୂର୍ବଆଡ଼େ ବାହାରିଲେ, ସେତେବେଳେ ସେ ଏକ ହଜାର ହାତ ମାପିଲେ, ପୁଣି, ମୋତେ ଜଳ ମଧ୍ୟ ଦେଇ ଗମନ କରାଇଲେ, ଜଳ ବଳାଗଣ୍ଠି ସରିକୁ ହେଲା ।
\v 4 ପୁନର୍ବାର ସେ ଏକ ହଜାର ହାତ ମାପିଲେ ଓ ମୋତେ ଜଳ ମଧ୍ୟ ଦେଇ ଗମନ କରାଇଲେ, ଜଳ ଆଣ୍ଠୁ ସରିକି ହେଲା । ପୁନର୍ବାର ସେ ଏକ ହଜାର ହାତ ମାପିଲେ, ଜଳ ମଧ୍ୟ ଦେଇ ମୋତେ ଗମନ କରାଇଲେ, ଜଳ କଟି ସରିକି ହେଲା ।
\v 5 ତହିଁ ଉତ୍ତାରେ ସେ ଏକ ହଜାର ହାତ ମାପିଲେ; ସେତେବେଳେ ତାହା ଗୋଟିଏ ନଦୀ ହେଲା, ମୁଁ ତହିଁ ମଧ୍ୟ ଦେଇ ଗମନ କରି ପାରିଲି ନାହିଁ, କାରଣ ଜଳ ବଢ଼ି ଉଠିଥିଲା, ତାହା ପହଁରିବା ଭଳି ଜଳ, ପାର ହେବାକୁ ଅଗମ୍ୟ ନଦୀ ହୋଇଥିଲା ।
\s5
\v 6 ପୁଣି, ସେ ମୋତେ କହିଲେ, "ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ କି ଏହା ଦେଖିଲ ?" ତହିଁରେ ସେ ମୋତେ ଫେରାଇ ନଦୀତୀରକୁ ଆଣିଲେ ।
\v 7 ମୁଁ ଫେରି ଆସିଲା ବେଳେ ଦେଖ, ନଦୀତୀରର ଏପାଖରେ ଓ ସେପାଖରେ ଅନେକ ଅନେକ ବୃକ୍ଷ ଥିଲା ।
\v 8 ତହିଁରେ ସେ ମୋତେ କହିଲେ, "ଏହି ଜଳସବୁ ପୂର୍ବ ଅଞ୍ଚଳ ଆଡ଼େ ବହୁଅଛି ଓ ତାହା ଗଡ଼ି ଆରବ୍ବାକୁ ଯିବ; ଆଉ, ତାହା ସମୁଦ୍ର ଆଡ଼କୁ ଯିବ; ଯେଉଁ ଜଳସବୁ ନିର୍ଗତ ହେଲା, ତାହାସବୁ ସମୁଦ୍ରରେ ପ୍ରବେଶ କରିବ; ତହୁଁ ସେ ଜଳ ଉତ୍ତମ ହେବ ।
\s5
\v 9 ପୁଣି, ଏହି ନଦୀସବୁ ଯେସକଳ ସ୍ଥାନ ଦେଇ ବହିବ, ସେସ୍ଥାନସ୍ଥିତ ବହୁସଂଖ୍ୟକ ଜୀବଜନ୍ତୁ ସବୁ ବଞ୍ଚିବେ ଓ ସେହି ସ୍ଥାନରେ ଅପାର ମତ୍ସ୍ୟ ହେବେ; କାରଣ ଏହିସବୁ ଜଳ ସେସ୍ଥାନକୁ ଆସିଅଛି ଓ ସମୁଦ୍ରର ଜଳ ଉତ୍ତମ ହେବ, ଆଉ ଯେକୌଣସି ସ୍ଥାନ ଦେଇ ଏହି ନଦୀ ବହେ, ସେସ୍ଥାନର ସକଳ ହିଁ ସଞ୍ଜୀବିତ ହେବେ ।
\v 10 ଆଉ, ତହିଁ ନିକଟରେ ମତ୍ସ୍ୟଧାରୀମାନେ ଠିଆ ହେବେ; ଐନଗଦୀଠାରୁ ଐନଇଗ୍ଳଇମ୍‍ ପର୍ଯ୍ୟନ୍ତ ଜାଲ ପ୍ରସାରିବାର ସ୍ଥାନ ହେବ ଓ ମତ୍ସ୍ୟସବୁ ସ୍ୱ ସ୍ୱ ଜାତି ଅନୁସାରେ ମହାସମୁଦ୍ରର ମତ୍ସ୍ୟନ୍ୟାୟ ସଂଖ୍ୟାରେ ଅତିଶୟ ହେବେ ।
\s5
\v 11 ମାତ୍ର ତହିଁର ପଙ୍କ ସ୍ଥାନ ଓ ଝିଲ ଭୂମିସକଳ ଉତ୍ତମ ହେବ ନାହିଁ; ସେହି ସବୁ ଲବଣ ପାଇଁ ସମର୍ପିତ ହେବ ।
\v 12 ଆଉ, ନଦୀ ନିକଟରେ ତହିଁର ତୀର ଉପରେ, ଏପାଖରେ ଓ ସେପାଖରେ ସର୍ବପ୍ରକାର ଭୋଜନାର୍ଥ ଫଳବୃକ୍ଷ ହେବ, ତହିଁର ପତ୍ର ମଳିନ ହେବ ନାହିଁ, କିଅବା ତହିଁର ଫଳର ଅଭାବ ହେବ ନାହିଁ; ସେହି ଜଳସବୁ ପବିତ୍ର ସ୍ଥାନରୁ ନିର୍ଗତ ହେବା ସକାଶୁ ବୃକ୍ଷ ପ୍ରତି ମାସ ନୂତନ ଫଳ ଫଳିବ ଓ ତହିଁର ଫଳ ଆହାରାର୍ଥେ ଓ ତହିଁର ପତ୍ର ଆରୋଗ୍ୟାର୍ଥେ ହେବ ।
\s ଜମିର ବିଭାଗ
\p
\s5
\v 13 ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି : ତୁମ୍ଭେମାନେ ଇସ୍ରାଏଲ ବଂଶର ଦ୍ୱାଦଶ ଗୋଷ୍ଠୀର ଅନୁସାରେ ଉତ୍ତରାଧିକାର ନିମନ୍ତେ ଯେଉଁ ଦେଶ ବିଭାଗ କରିବ, ତାହାର ସୀମା ଏହି; ଯୋଷେଫ ଏକରୁ ଅଧିକ ଅଂଶ ପାଇବ ।
\v 14 ଆଉ, ତୁମ୍ଭମାନଙ୍କର ଏକ ଯେପରି, ଅନ୍ୟ ସେହିପରି, ତାହା ଉତ୍ତରାଧିକାର ରୂପେ ପାଇବ; ତଦ୍‍ବିଷୟରେ ତୁମ୍ଭମାନଙ୍କର ପିତୃପୁରୁଷମାନଙ୍କୁ ତାହା ଦେବା ପାଇଁ ଆମ୍ଭେ ଆପଣା ହସ୍ତ ଉଠାଇଲୁ ଓ ଏହି ଦେଶ ଉତ୍ତରାଧିକାର ନିମନ୍ତେ ତୁମ୍ଭମାନଙ୍କର ହେବ ।
\s5
\v 15 ପୁଣି, ଦେଶର ସୀମା ଏହି ହେବ; ଉତ୍ତର ଦିଗରେ, ହିତ୍‍ଲୋନ ପଥ ନିକଟସ୍ଥ ମହାସମୁଦ୍ରଠାରୁ ସଦାଦର ପ୍ରବେଶ ସ୍ଥାନ ପର୍ଯ୍ୟନ୍ତ;
\v 16 ହମାତ୍‍, ବରୋଥା, ଦାମାସ୍‍କସ୍‍ର ଓ ହମାତ୍‍ର ସୀମାର ମଧ୍ୟସ୍ଥିତ ସିବ୍ରୟିମ; ହୌରଣର ସୀମା ନିକଟସ୍ଥ ହତ୍‍ତ୍ସରହତ୍ତୀକୋନ୍‍ ।
\v 17 ପୁଣି, ସମୁଦ୍ରଠାରୁ ସୀମା ଦାମାସ୍‍କସ୍‍ ସୀମା ନିକଟସ୍ଥ ହତ୍‍ସର-ଐନନ୍‍ ହେବ, ଆଉ ଉତ୍ତର ଦିଗରେ ଉତ୍ତରରେ ହମାତ୍‍ର ସୀମା । ଏହା ଉତ୍ତର ସୀମା ।
\s5
\v 18 ଆଉ, ପୂର୍ବ ଦିଗରେ ହୌରଣ, ଦାମାସ୍‍କସ୍‍ ଓ ଗିଲୀୟଦ, ଆଉ ଇସ୍ରାଏଲ ଦେଶର ମଧ୍ୟବର୍ତ୍ତୀ ଯର୍ଦ୍ଦନ ହେବ; ତୁମ୍ଭେମାନେ ଉତ୍ତର ସୀମାରୁ ପୂର୍ବ ସମୁଦ୍ର ପର୍ଯ୍ୟନ୍ତ ମାପିବ । ଏହା ପୂର୍ବ ସୀମା ।
\v 19 ଆଉ, ଦକ୍ଷିଣ ଦିଗରେ ଦକ୍ଷିଣ ସୀମା ତାମରଠାରୁ ମରୀବତ୍‍-କାଦେଶସ୍ଥ ଜଳ, ମିସରର ସ୍ରୋତୋମାର୍ଗ ଓ ମହାସମୁଦ୍ର ପର୍ଯ୍ୟନ୍ତ ହେବ । ଏହା ଦକ୍ଷିଣ ଦିଗର ଦକ୍ଷିଣ ସୀମା ।
\v 20 ପୁଣି, ଦକ୍ଷିଣ ସୀମାଠାରୁ ହମାତ୍‍ର ସମ୍ମୁଖ ସ୍ଥାନ ପର୍ଯ୍ୟନ୍ତ ମହାସମୁଦ୍ର ପଶ୍ଚିମ ସୀମା ହେବ । ଏହା ପଶ୍ଚିମ ସୀମା ।
\s5
\v 21 ଏହିରୂପେ ତୁମ୍ଭେମାନେ ଇସ୍ରାଏଲର ଗୋଷ୍ଠୀ ଅନୁସାରେ ଆପଣାମାନଙ୍କ ମଧ୍ୟରେ ଏହି ଦେଶ ବିଭାଗ କରିବ ।
\v 22 ପୁଣି, ତୁମ୍ଭେମାନେ ଆପଣାମାନଙ୍କର ଓ ଯେଉଁ ବିଦେଶୀ ଲୋକମାନେ ତୁମ୍ଭମାନଙ୍କ ମଧ୍ୟରେ ପ୍ରବାସ କରନ୍ତି ଓ ତୁମ୍ଭମାନଙ୍କ ମଧ୍ୟରେ ସନ୍ତାନସନ୍ତତି ଉତ୍ପନ୍ନ କରିବେ, ସେମାନଙ୍କର ଉତ୍ତରାଧିକାର ନିମନ୍ତେ ଗୁଲିବାଣ୍ଟ ଦ୍ୱାରା ଦେଶ ବିଭାଗ କରିବ; ଆଉ, ସେମାନେ ତୁମ୍ଭମାନଙ୍କ ପ୍ରତି ଇସ୍ରାଏଲ ସନ୍ତାନଗଣର ମଧ୍ୟରେ ଗୃହଜାତ ସନ୍ତାନଗଣର ତୁଲ୍ୟ ହେବେ; ସେମାନେ ତୁମ୍ଭମାନଙ୍କର ସହିତ ଇସ୍ରାଏଲର ଗୋଷ୍ଠୀଗଣ ମଧ୍ୟରେ ଉତ୍ତରାଧିକାର ପ୍ରାପ୍ତ ହେବେ ।
\v 23 ଆଉ, ବିଦେଶୀୟ ଲୋକ ଯେଉଁ ଗୋଷ୍ଠୀ ମଧ୍ୟରେ ପ୍ରବାସ କରେ, ସେହି ସ୍ଥାନରେ ତୁମ୍ଭେମାନେ ତାହାକୁ ଅଧିକାର ଦେବ," ଏହା ପ୍ରଭୁ, ସଦାପ୍ରଭୁ କହନ୍ତି ।
\s5
\c 48
\p
\v 1 ଗୋଷ୍ଠୀବର୍ଗଙ୍କର ଏହି ଏହି ନାମ : ହମାତ୍‍ର ପ୍ରବେଶ-ସ୍ଥାନକୁ ଯିବାର ହତ୍‍ଲୋନର ପଥ ନିକଟସ୍ଥ ଉତ୍ତର ପ୍ରାନ୍ତ ସୀମାଠାରୁ ଦାମାସ୍‍କସ୍‍ର ସୀମା ନିକଟସ୍ଥ ହତ୍ସର-ଐନନ୍‍, ହମାତ୍‍ ପାର୍ଶ୍ୱସ୍ଥ ଉତ୍ତର ଦିଗ ପର୍ଯ୍ୟନ୍ତ; ଆଉ, ତହିଁର ପୂର୍ବ ଓ ପଶ୍ଚିମ ସୀମା ହେବ; ଦାନ, ଏକ ଅଂଶ ।
\v 2 ଆଉ, ଦାନର ସୀମା ନିକଟରେ ପୂର୍ବଠାରୁ ପଶ୍ଚିମ ସୀମା ପର୍ଯ୍ୟନ୍ତ; ଆଶେର, ଏକ ଅଂଶ ।
\v 3 ପୁଣି, ଆଶେରର ସୀମା ନିକଟରେ ପୂର୍ବଠାରୁ ପଶ୍ଚିମ ସୀମା ପର୍ଯ୍ୟନ୍ତ; ନପ୍ତାଲି, ଏକ ଅଂଶ
\s5
\v 4 ଓ ନପ୍ତାଲିର ସୀମା ନିକଟରେ ପୂର୍ବଠାରୁ ପଶ୍ଚିମ ସୀମା ପର୍ଯ୍ୟନ୍ତ; ମନଃଶି, ଏକ ଅଂଶ ।
\v 5 ଆଉ, ମନଃଶିର ସୀମା ନିକଟରେ ପୂର୍ବଠାରୁ ପଶ୍ଚିମ ସୀମା ପର୍ଯ୍ୟନ୍ତ; ଇଫ୍ରୟିମ, ଏକ ଅଂଶ ।
\v 6 ଇଫ୍ରୟିମର ସୀମା ନିକଟରେ ପୂର୍ବଠାରୁ ପଶ୍ଚିମ ସୀମା ପର୍ଯ୍ୟନ୍ତ; ରୁବେନ, ଏକ ଅଂଶ ।
\v 7 ଆଉ, ରୁବେନର ସୀମା ନିକଟରେ ପୂର୍ବଠାରୁ ପଶ୍ଚିମ ସୀମା ପର୍ଯ୍ୟନ୍ତ; ଯିହୂଦା, ଏକ ଅଂଶ ।
\s5
\v 8 ପୁଣି, ଯିହୂଦାର ସୀମା ନିକଟରେ ପୂର୍ବଠାରୁ ପଶ୍ଚିମ ସୀମା ପର୍ଯ୍ୟନ୍ତ ତୁମ୍ଭମାନଙ୍କର ଦତ୍ତ ଉପହାର ଭୂମି ରହିବ, ତାହା ପ୍ରସ୍ଥରେ ପଚିଶ ହଜାର ନଳ ଓ ପୂର୍ବଠାରୁ ପଶ୍ଚିମ ସୀମା ପର୍ଯ୍ୟନ୍ତ ଦୀର୍ଘତାରେ ଅନ୍ୟାନ୍ୟ ଅଂଶର ସମାନ ହେବ; ପୁଣି, ତହିଁର ମଧ୍ୟସ୍ଥାନରେ ଧର୍ମଧାମ ହେବ ।
\v 9 ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଯେଉଁ ଉପହାର ଭୂମି ନିବେଦନ କରିବ, ତାହା ଦୀର୍ଘରେ ପଚିଶ ହଜାର ଓ ପ୍ରସ୍ଥରେ ଦଶ ହଜାର ନଳ ହେବ ।
\s5
\v 10 ସେହି ପବିତ୍ର ଉପହାର ଭୂମି ଏମାନଙ୍କ ପାଇଁ, ଅର୍ଥାତ୍‍, ଯାଜକମାନଙ୍କ ପାଇଁ ହେବ; ତାହା ଉତ୍ତର ଆଡ଼େ ପଚିଶ ହଜାର ନଳ ଦୀର୍ଘ ଓ ପଶ୍ଚିମ ଆଡ଼େ ଦଶ ହଜାର ନଳ ପ୍ରସ୍ଥ, ପୂର୍ବ ଆଡ଼େ ଦଶ ହଜାର ନଳ ପ୍ରସ୍ଥ ଓ ଦକ୍ଷିଣ ଆଡ଼େ ପଚିଶ ହଜାର ନଳ ଦୀର୍ଘ ହେବ; ତହିଁର ମଧ୍ୟସ୍ଥାନରେ ସଦାପ୍ରଭୁଙ୍କର ଧର୍ମଧାମ ହେବ ।
\v 11 ତାହା ସାଦୋକର ସନ୍ତାନଗଣ ମଧ୍ୟରୁ ପବିତ୍ରୀକୃତ ଯାଜକମାନଙ୍କ ନିମନ୍ତେ ହେବ, ସେମାନେ ଆମ୍ଭର ରକ୍ଷଣୀୟ ରକ୍ଷା କରିଅଛନ୍ତି; ଇସ୍ରାଏଲର ସନ୍ତାନଗଣ ବିପଥଗାମୀ ହେବା ସମୟରେ ଲେବୀୟମାନେ ଯେପରି ବିପଥଗାମୀ ହେଲେ, ସେମାନେ ସେହିପରି ବିପଥଗାମୀ ହେଲେ ନାହିଁ ।
\v 12 ଲେବୀୟମାନଙ୍କ ସୀମା ନିକଟସ୍ଥ ଦେଶର ଉପହାର ଭୂମିରୁ ସେମାନେ ଉପହାର ଭୂମି ପାଇବେ, ତାହା ମହାପବିତ୍ର ହେବ ।
\s5
\v 13 ଆଉ, ଯାଜକମାନଙ୍କର ସୀମାନୁସାରେ, ଲେବୀୟମାନେ ପଚିଶ ହଜାର ନଳ ଦୀର୍ଘ ଓ ଦଶ ହଜାର ନଳ ପ୍ରସ୍ଥ ଭୂମି ପାଇବେ; ସମୁଦାୟ ଭୂମିର ଦୀର୍ଘତା ପଚିଶ ହଜାର ଓ ପ୍ରସ୍ଥ ଦଶ ହଜାର ନଳ ହେବ ।
\v 14 ପୁଣି, ସେମାନେ ସେହି ଭୂମିରୁ କିଛି ବିକ୍ରୟ କରିବେ ନାହିଁ; କିଅବା ତାହା ପରିବର୍ତ୍ତନ କରିବେ ନାହିଁ, ଅଥବା ଦେଶର ପ୍ରଥମଜାତ ଫଳ ହସ୍ତାନ୍ତରିତ ହେବ ନାହିଁ; କାରଣ ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ଅଟେ ।
\s5
\v 15 ଆଉ, ପଚିଶ ହଜାର ନଳ ଭୂମିର ସମ୍ମୁଖରେ ପ୍ରସ୍ଥ ପରିମାଣରେ ଯେଉଁ ପାଞ୍ଚ ହଜାର ନଳ ଅବଶିଷ୍ଟ ରହେ, ତାହା ସାଧାରଣ ବ୍ୟବହାର, ନଗର, ବସତି-ସ୍ଥାନ ଓ ତଳଭୂମି ନିମନ୍ତେ ରହିବ ଓ ନଗର ତହିଁ ମଧ୍ୟସ୍ଥାନରେ ହେବ ।
\v 16 ପୁଣି, ତହିଁର ପରିମାଣ ଏହିରୂପ ହେବ; ଉତ୍ତର ସୀମା ଚାରି ହଜାର ପାଞ୍ଚଶହ ନଳ, ଦକ୍ଷିଣ ସୀମା ଚାରି ହଜାର ପାଞ୍ଚଶହ, ପୂର୍ବ ସୀମା ଚାରି ହଜାର ପାଞ୍ଚଶହ ଓ ପଶ୍ଚିମ ସୀମା ଚାରି ହଜାର ପାଞ୍ଚଶହ ନଳ ହେବ ।
\s5
\v 17 ଆଉ, ନଗରର ତଳଭୂମି ରହିବ; ଉତ୍ତର ଆଡ଼େ ଦୁଇଶହ ପଚାଶ ନଳ, ଦକ୍ଷିଣ ଆଡ଼େ ଦୁଇଶହ ପଚାଶ, ପୂର୍ବ ଆଡ଼େ ଦୁଇଶହ ପଚାଶ ଓ ପଶ୍ଚିମ ଆଡ଼େ ଦୁଇଶହ ପଚାଶ ନଳ ଭୂମି ରହିବ ।
\v 18 ପୁଣି, ପବିତ୍ର ଉପହାର ଭୂମି ଦୀର୍ଘତାନୁସାରେ ଯେଉଁ ଅବଶିଷ୍ଟ ଭୂମି, ତାହା ପୂର୍ବ ପ୍ରତି ଦଶ ହଜାର; ପଶ୍ଚିମ ପ୍ରତି ଦଶ ହଜାର ନଳ ହେବ ଓ ତାହା ପବିତ୍ର ଉପହାର ଭୂମିର ସମ୍ମୁଖବର୍ତ୍ତୀ ହେବ ଓ ତଦ୍ୟୁତ୍ପନ୍ନ ଦ୍ରବ୍ୟ ନଗରର ପରିଶ୍ରମକାରୀମାନଙ୍କ ଭକ୍ଷ୍ୟ ନିମନ୍ତେ ହେବ ।
\s5
\v 19 ଆଉ, ଇସ୍ରାଏଲର ଯାବତୀୟ ଗୋଷ୍ଠୀ ମଧ୍ୟରୁ ନଗରରେ ଶ୍ରମକାରୀମାନେ ତାହା କୃଷି କରିବେ ।
\v 20 ସମୁଦାୟ ଉପହାର ଭୂମି ପଚିଶ ହଜାର ନଳ ଦୀର୍ଘ ଓ ପଚିଶ ହଜାର ନଳ ପ୍ରସ୍ଥ ହେବ; ତୁମ୍ଭେମାନେ ନଗର ଅଧିକାର ସହିତ ଚତୁଃଷ୍କୋଣ ପବିତ୍ର ଉପହାର ଭୂମି ନିବେଦନ କରିବ ।
\s5
\v 21 ପୁଣି, ପବିତ୍ର ଉପହାର ଭୂମିର ଓ ନଗର ଅଧିକାରର ଏପାଖରେ ଓ ସେପାଖରେ ଅବଶିଷ୍ଟ ଭୂମି ଅଧିପତିଙ୍କର ହେବ; ଅର୍ଥାତ୍‍, ଅନ୍ୟାନ୍ୟ ଅଂଶର ଅନୁସାରେ ପୂର୍ବ ସୀମା ଆଡ଼େ ପଚିଶ ହଜାର ନଳ ପରିମିତ ଉପହାର ଭୂମିର ସମ୍ମୁଖସ୍ଥ ଭୂମି ଓ ପଶ୍ଚିମ ଦିଗରେ ପଶ୍ଚିମ ଆଡ଼େ ପଚିଶ ହଜାର ନଳ ପରିମିତ ଭୂମିର ସମ୍ମୁଖସ୍ଥ ଭୂମି ଅଧିପତିଙ୍କର ହେବ; ଆଉ, ପବିତ୍ର ଉପହାର ଭୂମି ଓ ଗୃହର ପବିତ୍ର ସ୍ଥାନ ତହିଁର ମଧ୍ୟସ୍ଥିତ ହେବ ।
\v 22 ଆହୁରି, ଅଧିପତିଙ୍କ ଅଂଶ ମଧ୍ୟସ୍ଥିତ ଲେବୀୟମାନଙ୍କ ଅଧିକାରର ସୀମା ଓ ନଗର ଅଧିକାରର ସୀମାଠାରୁ (ଯେଉଁ ଭୂମି) ଯିହୂଦା ଓ ବିନ୍ୟାମୀନର ସୀମାର ମଧ୍ୟବର୍ତ୍ତୀ ଅଛି, ତାହା ଅଧିପତିଙ୍କ ପାଇଁ ହେବ ।
\s5
\v 23 ଅବଶିଷ୍ଟ ଗୋଷ୍ଠୀମାନଙ୍କ ବିଷୟ : ପୂର୍ବ ସୀମାରୁ ପଶ୍ଚିମ ସୀମା ପର୍ଯ୍ୟନ୍ତ; ବିନ୍ୟାମୀନର ଏକ ଅଂଶ ।
\v 24 ବିନ୍ୟାମୀନର ସୀମା ନିକଟସ୍ଥ ପୂର୍ବ ସୀମାରୁ ପଶ୍ଚିମ ସୀମା ପର୍ଯ୍ୟନ୍ତ; ଶିମୀୟୋନର ଏକ ଅଂଶ
\v 25 ପୁଣି, ଶିମୀୟୋନର ସୀମା ନିକଟସ୍ଥ ପୂର୍ବ ସୀମାରୁ ପଶ୍ଚିମ ସୀମା ପର୍ଯ୍ୟନ୍ତ; ଇଷାଖରର ଏକ ଅଂଶ ।
\v 26 ଆଉ, ଇଷାଖରର ସୀମା ନିକଟସ୍ଥ ପୂର୍ବ ସୀମାରୁ ପଶ୍ଚିମ ସୀମା ପର୍ଯ୍ୟନ୍ତ; ସବୂଲୂନର ଏକ ଅଂଶ ।
\s5
\v 27 ସବୂଲୂନର ସୀମା ନିକଟସ୍ଥ ପୂର୍ବ ସୀମାରୁ ପଶ୍ଚିମ ସୀମା ପର୍ଯ୍ୟନ୍ତ; ଗାଦର ଏକ ଅଂଶ ।
\v 28 ପୁଣି, ଗାଦର ସୀମା ନିକଟସ୍ଥ ଦକ୍ଷିଣ ଆଡ଼େ ଦକ୍ଷିଣ ସୀମା ନିକଟରେ ତାମରଠାରୁ ମରୀବତ୍‍-କାଦେଶସ୍ଥ ଜଳ ପର୍ଯ୍ୟନ୍ତ, ଅର୍ଥାତ୍‍, ମିସରର ନଦୀ ଓ ମହାସମୁଦ୍ର ପର୍ଯ୍ୟନ୍ତ (ଦେଶର) ସୀମା ହେବ ।
\v 29 ତୁମ୍ଭେମାନେ ଇସ୍ରାଏଲ ଗୋଷ୍ଠୀଗଣର ଉତ୍ତରାଧିକାର ନିମନ୍ତେ ଯେଉଁ ଦେଶ ଗୁଲିବାଣ୍ଟ ଦ୍ୱାରା ବିଭାଗ କରିବ, ତାହା ଏହି ଓ ଏହିସବୁ ସେମାନଙ୍କର ଭିନ୍ନ ଭିନ୍ନ ଅଂଶ ହେବ, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି ।
\s ନଗରର ଦ୍ୱାର
\p
\s5
\v 30 ଆଉ, ଏହିସବୁ ନଗରର ନିର୍ଗମନ ସ୍ଥାନ ହେବ; ଉତ୍ତର ଆଡ଼େ ଚାରି ହଜାର ପାଞ୍ଚଶହ ନଳ ପରିମିତ ଭୂମି
\v 31 ଓ ନଗରର ଦ୍ୱାରସକଳ ଇସ୍ରାଏଲ ଗୋଷ୍ଠୀଗଣର ନାମାନୁସାରେ ହେବ; ଉତ୍ତର ଆଡ଼େ ତିନି ଦ୍ୱାର ହେବ; ଅର୍ଥାତ୍‍, ରୁବେନର ଏକ ଦ୍ୱାର; ଯିହୂଦାର ଏକ ଦ୍ୱାର; ଲେବୀର ଏକ ଦ୍ୱାର;
\v 32 ପୁଣି, ପୂର୍ବ ଆଡ଼େ ଚାରି ହଜାର ପାଞ୍ଚଶହ ନଳ ଭୂମି ଓ ତିନି ଦ୍ୱାର ହେବ; ଅର୍ଥାତ୍‍, ଯୋଷେଫର ଏକ ଦ୍ୱାର, ବିନ୍ୟାମୀନର ଏକ ଦ୍ୱାର, ଦାନର ଏକ ଦ୍ୱାର;
\s5
\v 33 ଆଉ, ଦକ୍ଷିଣ ଆଡ଼େ ଚାରି ହଜାର ପାଞ୍ଚଶହ ନଳ ପରିମିତ ଭୂମି ଓ ତିନି ଦ୍ୱାର ହେବ; ଶିମୀୟୋନର ଏକ ଦ୍ୱାର; ଇଷାଖରର ଏକ ଦ୍ୱାର; ସବୂଲୂନର ଏକ ଦ୍ୱାର;
\v 34 ପଶ୍ଚିମ ଆଡ଼େ ଚାରି ହଜାର ପାଞ୍ଚଶହ ନଳ ଭୂମି ଓ ତିନି ଦ୍ୱାର ହେବ; ଗାଦର ଏକ ଦ୍ୱାର; ଆଶେରର ଏକ ଦ୍ୱାର; ନପ୍ତାଲିର ଏକ ଦ୍ୱାର ହେବ ।
\v 35 ଚତୁର୍ଦ୍ଦିଗ ଅଠର ହଜାର ନଳ ପରିମିତ ହେବ, ଆଉ "ସଦାପ୍ରଭୁ ତହିଁ ବିଦ୍ୟମାନ," ସେହି ଦିନଠାରୁ ନଗରର ଏହି ନାମ ହେବ ।

673
27-DAN.usfm Normal file
View File

@ -0,0 +1,673 @@
\id DAN
\ide UTF-8
\sts Unlocked Literal Bible
\h ଦାନିୟେଲ
\toc1 ଦାନିୟେଲଙ୍କ ପୁସ୍ତକ
\toc2 ଦାନିୟେଲ
\toc3 dan
\mt1 ଦାନିୟେଲଙ୍କ ପୁସ୍ତକ
\s5
\c 1
\s ଦାନିୟେଲ ବାବିଲକୁ ନୀତ
\p
\v 1 ଯିହୁଦାର ରାଜା ଯିହୋୟାକୀମର ଶାସନ କାଳର ତୃତୀୟ ବର୍ଷରେ ବାବିଲର ରାଜା ନବୂଖଦ୍‍ନିତ୍ସର ଯିରୂଶାଲମକୁ ଆସି ତାହା ଅବରୋଧ କଲା ।
\v 2 ପୁଣି, ପ୍ରଭୁ ଯିହୁଦାର ରାଜା ଯିହୋୟାକୀମକୁ ଓ ପରମେଶ୍ୱରଙ୍କ ଗୃହର କେତେକ ପାତ୍ର ତାହାର ହସ୍ତରେ ସମର୍ପି ଦେଲେ; ତହିଁରେ ସେ ଶିନୀୟର ଦେଶରେ ଥିବା ଆପଣା ଦେବ ମନ୍ଦିରକୁ ସେହିସବୁ ନେଇଗଲା ଓ ପାତ୍ରସକଳ ସେ ଆପଣା ଦେବତାର ଭଣ୍ଡାର ଗୃହରେ ରଖିଲା ।
\s5
\v 3 ପୁଣି, ରାଜା ଇସ୍ରାଏଲର ସନ୍ତାନଗଣ ମଧ୍ୟରୁ, ଅର୍ଥାତ୍‍, ରାଜକୀୟ ଓ କୁଳୀନ ବଂଶରୁ
\v 4 ନିଖୁଣ, ସୁନ୍ଦର ଓ ସମସ୍ତ ଜ୍ଞାନରେ ନିପୁଣ, ବିଦ୍ୟାରେ ବିଚକ୍ଷଣ, ବୁଦ୍ଧିରେ ବିଜ୍ଞ ଓ ରାଜପ୍ରାସାଦରେ ଠିଆ ହେବାକୁ ଯୋଗ୍ୟ କେତେକ ଯୁବା ଲୋକଙ୍କୁ ଆଣିବାକୁ ଓ କଲ୍‍ଦୀୟ ବିଦ୍ୟା ଓ ଭାଷା ଶିଖାଇବାକୁ ଆପଣାର ନପୁଂସକାଧିପତି ଅସ୍ପନସ୍‍କୁ କହିଲା ।
\v 5 ଆଉ, ସେମାନେ ଯେପରି ତିନି ବର୍ଷର ଶେଷରେ ରାଜାଙ୍କ ନିକଟରେ ଠିଆ ହେବେ, ଏଥିପାଇଁ ରାଜା ସେମାନଙ୍କ ନିମନ୍ତେ ରାଜାର ଆହାରୀୟ ଦ୍ରବ୍ୟରୁ ଓ ପାନୀୟ ଦ୍ରାକ୍ଷାରସରୁ ଦୈନିକ ଅଂଶ ଦେବା ପାଇଁ ଓ ତିନି ବର୍ଷ ପର୍ଯ୍ୟନ୍ତ ସେମାନଙ୍କ ପ୍ରତିପୋଷଣ କରିବା ପାଇଁ ନିରୂପଣ କଲା ।
\s5
\v 6 ଏମାନଙ୍କ ମଧ୍ୟରେ ଯିହୁଦା ବଂଶୀୟ ଦାନିୟେଲ, ହନାନୀୟ, ମିଶାୟେଲ ଓ ଅସରୀୟ ଥିଲେ ।
\v 7 ପୁଣି, ନପୁଂସକାଧିପତି ସେମାନଙ୍କୁ ନାମ ଦେଲା; ସେ ଦାନିୟେଲଙ୍କୁ ବେଲ୍‍ଟଶତ୍ସର, ହନାନୀୟଙ୍କୁ ଶଦ୍ରକ୍‍, ମିଶାୟେଲଙ୍କୁ ମୈଶକ ଓ ଅସରୀୟକୁ ଅବେଦ୍‍-ନଗୋ ନାମ ଦେଲା ।
\s ଦାନିୟେଲଙ୍କ ବିଶ୍ୱସ୍ତତା
\p
\s5
\v 8 ମାତ୍ର ରାଜାର ଆହାରୀୟ ଦ୍ରବ୍ୟରେ ଓ ତାହାର ପାନୀୟ ଦ୍ରାକ୍ଷାରସରେ ଆପଣାକୁ ଅଶୁଚି ନ କରିବା ପାଇଁ ଦାନିୟେଲ ନିଜ ମନରେ ସ୍ଥିର କଲେ; ଏହେତୁ ସେ ଯେପରି ଆପଣାକୁ ଅଶୁଚି ନ କରନ୍ତି, ଏଥିପାଇଁ ସେ ନପୁଂସକାଧିପତିଙ୍କୁ ନିବେଦନ କଲେ ।
\v 9 ସେତେବେଳେ ପରମେଶ୍ୱର ସେହି ନପୁଂସକାଧିପତିର ଦୃଷ୍ଟିରେ ଦାନିୟେଲଙ୍କୁ ଅନୁଗ୍ରହ ଓ ଦୟାର ପାତ୍ର କଲେ ।
\v 10 ତହିଁରେ ନପୁଂସକାଧିପତି ଦାନିୟେଲଙ୍କୁ କହିଲା, ଯେ ତୁମ୍ଭମାନଙ୍କର ଭକ୍ଷ୍ୟ ଓ ପାନୀୟ ଦ୍ରବ୍ୟ ନିରୂପଣ କରିଅଛନ୍ତି, ମୁଁ ଆପଣାର ପ୍ରଭୁ ସେହି ମହାରାଜାଙ୍କୁ ଭୟ କରେ; କାରଣ ସେ ତୁମ୍ଭମାନଙ୍କର ସମବୟସ୍କ ଯୁବାମାନଙ୍କର ମୁଖ ଅପେକ୍ଷା ତୁମ୍ଭମାନଙ୍କ ମୁଖ କାହିଁକି ମଳିନ ଦେଖିବେ ? ତାହାହେଲେ, ତୁମ୍ଭେମାନେ ରାଜାଙ୍କ ନିକଟରେ ମୋର ମସ୍ତକକୁ ସଂଶୟାପନ୍ନ କରିବ ।
\s5
\v 11 ତହିଁରେ ନପୁଂସକାଧିପତି ଦାନିୟେଲ, ହନାନୀୟ, ମୀଶାୟେଲ ଓ ଅସରୀୟଙ୍କ ଉପରେ ଯେଉଁ ଗୃହାଧ୍ୟକ୍ଷକୁ ନିଯୁକ୍ତ କରିଥିଲା, ତାହାକୁ ଦାନିୟେଲ କହିଲେ;
\v 12 ଅନୁଗ୍ରହ କରି ଆପଣା ଦାସମାନଙ୍କୁ ଦଶ ଦିନ ପରୀକ୍ଷା କରନ୍ତୁ; ଆମ୍ଭମାନଙ୍କୁ ଭୋଜନ ନିମନ୍ତେ ଶସ୍ୟ ଓ ପାନ ନିମନ୍ତେ ଜଳ ଦିଆଯାଉ ।
\v 13 ତହିଁ ଉତ୍ତାରେ ଆପଣଙ୍କ ସମ୍ମୁଖରେ ଆମ୍ଭମାନଙ୍କର ମୁଖ ଓ ରାଜକୀୟ ଭକ୍ଷ୍ୟ ଭୋଜନକାରୀ ଯୁବାମାନଙ୍କର ମୁଖ ଦେଖାଯାଉ; ତହିଁରେ ଆପଣ ଯେପରି ଦେଖନ୍ତି, ତଦନୁସାରେ ଆପଣ ଦାସମାନଙ୍କ ପ୍ରତି ବ୍ୟବହାର କରନ୍ତୁ ।
\s5
\v 14 ତହିଁରେ ସେ ଏହି ବିଷୟରେ ସେମାନଙ୍କ କଥା ଗ୍ରାହ୍ୟ କରି ଦଶ ଦିନ ପର୍ଯ୍ୟନ୍ତ ସେମାନଙ୍କର ପରୀକ୍ଷା କଲା ।
\v 15 ପୁଣି, ଦଶ ଦିନର ଶେଷରେ ରାଜକୀୟ ଆହାର ଭୋଜନକାରୀ ସକଳ ଯୁବାଙ୍କ ମୁଖ ଅପେକ୍ଷା ସେମାନଙ୍କ ମୁଖ ସୁନ୍ଦର ଦେଖାଗଲା ଓ ସେମାନେ ଅଧିକ ହୃଷ୍ଟପୃଷ୍ଟ ଦେଖାଗଲେ ।
\v 16 ଏଥିରେ ଗୃହାଧ୍ୟକ୍ଷ ସେମାନଙ୍କର ସେହି ଭକ୍ଷ୍ୟ ଓ ପାନୀୟ ଦ୍ରାକ୍ଷାରସ ବନ୍ଦ କରି ସେମାନଙ୍କୁ ଶସ୍ୟ ଦେଲା ।
\s5
\v 17 ଆଉ, ପରମେଶ୍ୱର ସେହି ଚାରି ଯୁବାଙ୍କୁ ସମସ୍ତ ବିଦ୍ୟା ଓ ଜ୍ଞାନରେ, ବୁଦ୍ଧି ଓ ନିପୁଣତା ଦେଲେ ପୁଣି, ଦାନିୟେଲ ଯାବତୀୟ ଦର୍ଶନ ଓ ସ୍ୱପ୍ନ ବିଷୟରେ ବୁଦ୍ଧିମାନ ହେଲେ ।
\v 18 ଆଉ, ରାଜା ସେମାନଙ୍କୁ ନିକଟକୁ ଆଣିବା ନିମନ୍ତେ ଯେଉଁ ସମୟ ନିରୂପଣ କରିଥିଲେ, ତାହା ଶେଷ ହୁଅନ୍ତେ, ନପୁଂସକାଧିପତି ସେମାନଙ୍କୁ ନବୂଖଦ୍‍ନିତ୍ସରର ଛାମୁକୁ ଆଣିଲା ।
\s5
\v 19 ପୁଣି, ରାଜା ସେମାନଙ୍କ ସଙ୍ଗେ ଆଳାପ କଲେ; ଆଉ, ସେହି ସମସ୍ତଙ୍କ ମଧ୍ୟରେ ଦାନିୟେଲ, ହନାନୀୟ, ମୀଶାୟେଲ ଓ ଅସରୀୟ ସମାନ କେହି ଦେଖା ଗଲେ ନାହିଁ; ଏଣୁ ଏମାନେ ରାଜାଙ୍କ ଛାମୁରେ ଠିଆ ହେଲେ ।
\v 20 ଆଉ, ଜ୍ଞାନ ଓ ବୁଦ୍ଧି ସମ୍ବନ୍ଧୀୟ ଯେଉଁ କୌଣସି କଥା ରାଜା ସେମାନଙ୍କୁ ପଚାରିଲେ, ସେହି ସକଳ ବିଷୟରେ ସେ ଆପଣାର ସମଗ୍ର ରାଜ୍ୟସ୍ଥ ଯାବତୀୟ ମନ୍ତ୍ରବେତ୍ତା ଓ ଗଣକ ଅପେକ୍ଷା ସେମାନଙ୍କର ବିଜ୍ଞତା ଦଶଗୁଣ ଅଧିକ ଦେଖିଲା ।
\v 21 ପୁଣି, ଦାନିୟେଲ କୋରସ ରାଜାର ପ୍ରଥମ ବର୍ଷ ପର୍ଯ୍ୟନ୍ତ ରହିଲେ ।
\s5
\c 2
\s ନବୂଖଦ୍‍ନିତ୍ସରଙ୍କ ସ୍ୱପ୍ନ
\p
\v 1 ଏଥିଉତ୍ତାରେ ନବୂଖଦ୍‍ନିତ୍ସରର ଶାସନ କାଳର ଦ୍ୱିତୀୟ ବର୍ଷରେ, ନବୂଖଦ୍‍ନିତ୍ସର ସ୍ୱପ୍ନ ଦେଖିଲା; ତହିଁରେ ତାହାର ଆତ୍ମା ଉଦ୍‍ବିଗ୍ନ ହେଲା ଓ ତାହାର ନିଦ୍ରା ଭଗ୍ନ ହେଲା ।
\v 2 ତହୁଁ ରାଜାକୁ ତାହାର ସ୍ୱପ୍ନ ଜଣାଇବା ନିମନ୍ତେ ରାଜା ମନ୍ତ୍ରବେତ୍ତା, ଗଣକ, ମାୟାବୀ ଓ କଲ୍‍ଦୀୟମାନଙ୍କୁ ଡାକିବା ପାଇଁ ଆଜ୍ଞା ଦେଲା । ଏଥିରେ ସେମାନେ ଆସି ରାଜାର ସମ୍ମୁଖରେ ଠିଆ ହେଲେ ।
\s5
\v 3 ପୁଣି, ରାଜା ସେମାନଙ୍କୁ କହିଲା, ମୁଁ ଗୋଟିଏ ସ୍ୱପ୍ନ ଦେଖିଅଛି, ଆଉ ସେହି ସ୍ୱପ୍ନ ବୁଝିବା ପାଇଁ ମୋର ମନ ଚିନ୍ତିତ ହେଉଅଛି ।
\v 4 ତହିଁରେ କଲ୍‍ଦୀୟମାନେ ଅରାମୀୟ ଭାଷାରେ ରାଜାକୁ କହିଲେ, ହେ ମହାରାଜ, ଚିରଜୀବୀ ହେଉନ୍ତୁ; ଆପଣଙ୍କ ଦାସମାନଙ୍କୁ ସ୍ୱପ୍ନଟି ଜଣାଉନ୍ତୁ, ଆମ୍ଭେମାନେ ତହିଁର ଅର୍ଥ ପ୍ରକାଶ କରିବୁ ।
\s5
\v 5 ରାଜା କଲ୍‍ଦୀୟମାନଙ୍କୁ ଉତ୍ତର ଦେଇ କହିଲା, ମୋ'ଠାରୁ କଥା ବାହାରି ଯାଇଅଛି; ତୁମ୍ଭେମାନେ ଯଦି ସେହି ସ୍ୱପ୍ନ ଓ ତହିଁର ଅର୍ଥ ମୋତେ ନ ଜଣାଅ, ତେବେ ତୁମ୍ଭେମାନେ ଖଣ୍ଡ ଖଣ୍ଡ ହୋଇ କଟାଯିବ ଓ ତୁମ୍ଭମାନଙ୍କର ଗୃହ ଖତରାଶି କରାଯିବ ।
\v 6 ମାତ୍ର ଯଦି ତୁମ୍ଭେମାନେ ସ୍ୱପ୍ନ ଓ ତହିଁର ଅର୍ଥ ପ୍ରକାଶ କର, ତେବେ ତୁମ୍ଭେମାନେ ମୋ'ଠାରୁ ଦାନ, ପୁରସ୍କାର ଓ ମହାସମାଦର ପାଇବ; ଏଥିପାଇଁ ସେହି ସ୍ୱପ୍ନ ଓ ତହିଁର ଅର୍ଥ ମୋ' ନିକଟରେ ପ୍ରକାଶ କର ।
\s5
\v 7 ସେମାନେ ଦ୍ୱିତୀୟ ଥର ଉତ୍ତର ଦେଇ କହିଲେ, ମହାରାଜା, ଆପଣା ଦାସମାନଙ୍କୁ ସ୍ୱପ୍ନଟି ଜଣାଉନ୍ତୁ, ତହିଁରେ ଆମ୍ଭେମାନେ ଅର୍ଥ ପ୍ରକାଶ କରିବୁ ।
\v 8 ରାଜା ଉତ୍ତର କରି କହିଲା, ମୋ'ଠାରୁ କଥା ବାହାରି ଯାଇଅଛି, ଏହା ଦେଖି ତୁମ୍ଭେମାନେ ସମୟ ବିଳମ୍ବ କରିବାର ଇଚ୍ଛା କରୁଅଛ, ଏହା ମୁଁ ନିଶ୍ଚୟ ଜାଣେ ।
\v 9 ମାତ୍ର ତୁମ୍ଭେମାନେ ଯଦି ସେହି ସ୍ୱପ୍ନ ମୋତେ ନ ଜଣାଅ; ତେବେ ତୁମ୍ଭମାନଙ୍କ ନିମନ୍ତେ ଏକମାତ୍ର ବ୍ୟବସ୍ଥା ଅଛି; କାରଣ ସମୟର ପରିବର୍ତ୍ତନ ହେବା ପର୍ଯ୍ୟନ୍ତ ତୁମ୍ଭେମାନେ ମୋ' ଛାମୁରେ ମିଥ୍ୟା ଓ ପ୍ରବଞ୍ଚନା ବାକ୍ୟ କହିବା ପାଇଁ ପ୍ରସ୍ତୁତ କରିଅଛ; ଏଥିପାଇଁ ତୁମ୍ଭେମାନେ ସ୍ୱପ୍ନଟି ମୋତେ ଜଣାଅ, ତାହାହେଲେ ତୁମ୍ଭେମାନେ ଯେ ତହିଁର ଅର୍ଥ ମୋ' ନିକଟରେ ପ୍ରକାଶ କରି ପାରିବ, ଏହା ମୁଁ ଜାଣିବି ।
\s5
\v 10 କଲ୍‍ଦୀୟମାନେ ରାଜାର ଛାମୁରେ ଉତ୍ତର କରି କହିଲେ, ମହାରାଜାଙ୍କ ବିଷୟ ଯେ ପ୍ରକାଶ କରି ପାରିବ, ପୃଥିବୀରେ ଏପରି କୌଣସି ମନୁଷ୍ୟ ନାହିଁ; କାରଣ କୌଣସି ରାଜା, ପ୍ରଭୁ କିଅବା ଶାସନକର୍ତ୍ତା କୌଣସି ମନ୍ତ୍ରଜ୍ଞକୁ କିଅବା ଗଣକକୁ ଅଥବା କଲ୍‍ଦୀୟକୁ ଏପରି କଥା ପଚାରି ନାହାନ୍ତି ।
\v 11 ପୁଣି, ମହାରାଜା ଯାହା ଚାହାନ୍ତି, ତାହା ଅସାଧାରଣ ବିଷୟ ଓ ଯେଉଁମାନଙ୍କର ନିବାସ ମାଂସ ଦେହରେ ନୁହେଁ, ସେହି ଦେବଗଣ ବିନୁ ଆଉ କେହି ମହାରାଜାଙ୍କ ଛାମୁରେ ତାହା ପ୍ରକାଶ କରି ନ ପାରେ ।
\s5
\v 12 ଏହି କାରଣରୁ ରାଜା କ୍ରୁଦ୍ଧ ଓ ପ୍ରଚଣ୍ଡ କୋପାନ୍ୱିତ ହୋଇ ବାବିଲର ସକଳ ବିଦ୍ୱାନ୍‍ ଲୋକଙ୍କୁ ବଧ କରିବାକୁ ଆଜ୍ଞା ଦେଲା ।
\v 13 ତହିଁରେ ଆଜ୍ଞା ପ୍ରଚାରିତ ହେଲା ଯେ, ବିଦ୍ୱାନ୍ ଲୋକମାନେ ହତ ହେବେ; ଆଉ, ଲୋକମାନେ ଦାନିୟେଲ ଓ ତାଙ୍କର ସଙ୍ଗୀମାନଙ୍କୁ ବଧ କରିବା ପାଇଁ ଅନ୍ଵେଷଣ କଲେ ।
\s ଦାନିୟେଲଙ୍କୁ ସ୍ୱପ୍ନର ଅର୍ଥ ପ୍ରକାଶ
\p
\s5
\v 14 ସେତେବେଳେ ଅରୀୟୋକ୍‍ ନାମକ ଯେଉଁ ରାଜସେନାପତି ବାବିଲୀୟ ବିଦ୍ୱାନ୍‍ମାନଙ୍କୁ ବଧ କରିବା ପାଇଁ ନିର୍ଗତ ହୋଇଥିଲା, ତାହାକୁ ଦାନିୟେଲ ବିବେଚନାରେ ଓ ଜ୍ଞାନରେ ଉତ୍ତର ଦେଲେ;
\v 15 ସେ ରାଜସେନାପତି ଅରୀୟୋକ୍‍କୁ ଉତ୍ତର କରି କହିଲେ, ରାଜାଜ୍ଞା ଏଡ଼େ ବ୍ୟଗ୍ର କାହିଁକି ? ତହିଁରେ ଅରୀୟୋକ୍‍ ଦାନିୟେଲଙ୍କୁ ବୃତ୍ତାନ୍ତ ଜଣାଇଲା ।
\v 16 ଏଥିରେ ଦାନିୟେଲ ରାଜାଙ୍କ ନିକଟକୁ ଯାଇ ଆପଣା ପାଇଁ ଗୋଟିଏ ସମୟ ନିରୂପଣ କରିବାକୁ ପ୍ରାର୍ଥନା କଲେ, ତାହା କଲେ ମହାରାଜାଙ୍କ ନିକଟରେ ସ୍ୱପ୍ନର ଅର୍ଥ ପ୍ରକାଶ କରିବି ବୋଲି କହିଲେ ।
\s5
\v 17 ଏଥିରେ ଦାନିୟେଲ ଆପଣା ଗୃହକୁ ଗଲେ, ଆଉ ସେ ଓ ତାଙ୍କର ସଙ୍ଗୀମାନେ ଯେପରି ବାବିଲର ଅନ୍ୟାନ୍ୟ ବିଦ୍ୱାନ୍‍ମାନଙ୍କ ସଙ୍ଗେ ବିନଷ୍ଟ ନୋହିବେ,
\v 18 ଏଥିପାଇଁ ଏହି ନିଗୂଢ଼ ବିଷୟରେ ସ୍ୱର୍ଗସ୍ଥ ପରମେଶ୍ୱରଙ୍କର ଅନୁଗ୍ରହ ପ୍ରାର୍ଥନା କରିବା ପାଇଁ ଆପଣା ସଙ୍ଗୀ ହନାନୀୟ, ମିଶାୟେଲ ଓ ଅସରୀୟକୁ ସେହି ବୃତ୍ତାନ୍ତ ଜଣାଇଲେ ।
\s5
\v 19 ଅନନ୍ତର ରାତ୍ରିକାଳୀନ ଦର୍ଶନରେ ସେହି ନିଗୂଢ଼ ବିଷୟ ଦାନିୟେଲଙ୍କ ପ୍ରତି ପ୍ରକାଶିତ ହେଲା । ତହିଁରେ ଦାନିୟେଲ ସ୍ୱର୍ଗସ୍ଥ ପରମେଶ୍ୱରଙ୍କର ଧନ୍ୟବାଦ କଲେ ।
\v 20 ଦାନିୟେଲ ଉତ୍ତର କରି କହିଲେ, ପରମେଶ୍ୱରଙ୍କର ନାମ ସଦା ସର୍ବଦା ଧନ୍ୟ ହେଉ; କାରଣ ଜ୍ଞାନ ଓ ପରାକ୍ରମ ତାହାଙ୍କର;
\s5
\v 21 ଆଉ, ସେ ସମୟ ଓ ଋତୁ ପରିବର୍ତ୍ତନ କରନ୍ତି; ସେ ରାଜଗଣକୁ ପଦଚ୍ୟୁତ କରନ୍ତି ଓ ରାଜଗଣକୁ ପଦସ୍ଥ କରନ୍ତି; ସେ ଜ୍ଞାନୀମାନଙ୍କୁ ଜ୍ଞାନ ଓ ବୁଦ୍ଧିମନ୍ତମାନଙ୍କୁ ବିବେଚନା ଦିଅନ୍ତି;
\v 22 ସେ ଗଭୀର ଓ ଗୁପ୍ତ ବିଷୟସବୁ ପ୍ରକାଶ କରନ୍ତି; ଅନ୍ଧକାରରେ ଯାହା ଅଛି, ତାହା ସେ ଜାଣନ୍ତି ଓ ତାହାଙ୍କ ନିକଟରେ ଜ୍ୟୋତିଃ ବାସ କରଇ ।
\s5
\v 23 ହେ ମୋର ପିତୃପୁରୁଷଗଣର ପରମେଶ୍ୱର, ମୁଁ ତୁମ୍ଭର ଧନ୍ୟବାଦ ଓ ପ୍ରଶଂସା କରୁଅଛି, ତୁମ୍ଭେ ମୋତେ ଜ୍ଞାନ ଓ ସାମର୍ଥ୍ୟ ଦେଇଅଛ ଓ ତୁମ୍ଭ ନିକଟରେ ଆମ୍ଭମାନଙ୍କର ନିବେଦନର ବିଷୟ ଏବେ ମୋତେ ଜଣାଇଅଛ; କାରଣ ତୁମ୍ଭେ ରାଜାର କଥା ଆମ୍ଭମାନଙ୍କୁ ଜଣାଇଅଛ ।
\s5
\v 24 ଏହେତୁ ବାବିଲୀୟ ବିଦ୍ୱାନ୍‍ଗଣକୁ ବିନାଶ କରିବା ପାଇଁ ରାଜାର ନିଯୁକ୍ତ ଅରୀୟୋକ୍‍ ନିକଟକୁ ଦାନିୟେଲ ଗଲେ; ସେ ଯାଇ ତାହାକୁ ଏହିପରି କହିଲେ, ବାବିଲୀୟ ବିଦ୍ୱାନ୍‍ମାନଙ୍କୁ ବଧ ନ କରନ୍ତୁ; ରାଜାଙ୍କ ଛାମୁକୁ ମୋତେ ନେଇ ଯାଉନ୍ତୁ, ମୁଁ ରାଜାଙ୍କ ନିକଟରେ ଅର୍ଥ ପ୍ରକାଶ କରିବି ।
\s5
\v 25 ତହିଁରେ ଅରୀୟୋକ୍‍ ଦାନିୟେଲଙ୍କୁ ଶୀଘ୍ର ରାଜା ଛାମୁକୁ ନେଇ ରାଜାକୁ ଏରୂପ କହିଲା, ନିର୍ବାସିତ ଯିହୁଦାର ସନ୍ତାନଗଣ ମଧ୍ୟରେ ମୁଁ ଜଣେ ମନୁଷ୍ୟ ପାଇଅଛି, ସେ ମହାରାଜାଙ୍କୁ ଅର୍ଥ ଜଣାଇବେ ।
\v 26 ରାଜା ସେହି ଦାନିୟେଲ, ଯାହାଙ୍କ ନାମ ବେଲ୍‍ଟଶତ୍ସର ଥିଲା, ତାଙ୍କୁ ଉତ୍ତର କରି କହିଲା, ମୁଁ ଯେଉଁ ସ୍ୱପ୍ନ ଦେଖିଅଛି, ତୁମ୍ଭେ କି ତାହା ଓ ତହିଁର ଅର୍ଥ ମୋତେ ଜଣାଇପାର ?
\s5
\v 27 ଦାନିୟେଲ ରାଜାଙ୍କ ଛାମୁରେ ଉତ୍ତର କରି କହିଲେ, ମହାରାଜା ଯେଉଁ ନିଗୂଢ଼ କଥା ପଚାରି ଅଛନ୍ତି, ତାହା ବିଦ୍ୱାନ୍‍ ଲୋକ କିଅବା ଗଣକ ଅବା ମନ୍ତ୍ରବେତ୍ତା ଅଥବା ଶୁଭାଶୁଭବାଦୀମାନେ ମହାରାଜାଙ୍କ ଛାମୁରେ ପ୍ରକାଶ କରି ପାରନ୍ତି ନାହିଁ;
\v 28 ମାତ୍ର ଯେ ନିଗୂଢ଼ ବିଷୟମାନ ପ୍ରକାଶ କରନ୍ତି, ଏପରି ଏକ ପରମେଶ୍ୱର ସ୍ୱର୍ଗରେ ଅଛନ୍ତି, ଆଉ ଅନ୍ତିମ କାଳରେ ଯାହା ଯାହା ଘଟିବ, ତାହା ସେ ମହାରାଜା ନବୂଖଦ୍‍ନିତ୍ସରଙ୍କୁ ଜଣାଇ ଅଛନ୍ତି । ଆପଣଙ୍କ ସ୍ୱପ୍ନ ଓ ଶଯ୍ୟା ଉପରେ ଆପଣଙ୍କ ମନର ଦର୍ଶନ ଏହି;
\s5
\v 29 ହେ ମହାରାଜ, ଶଯ୍ୟା ଉପରେ ଆପଣଙ୍କ ମନରେ ଭବିଷ୍ୟଦ୍‍ ଘଟନା ବିଷୟକ ଚିନ୍ତା ଉପସ୍ଥିତ ହେଲା; ଆଉ ଯେ ନିଗୂଢ଼ ବିଷୟମାନ ପ୍ରକାଶ କରନ୍ତି, ସେ ଯାହା ଘଟିବ, ତାହା ଆପଣଙ୍କ ପ୍ରତି ପ୍ରକାଶ କରିଅଛନ୍ତି ।
\v 30 ମାତ୍ର କୌଣସି ଜୀବିତ ଲୋକର ଜ୍ଞାନ ଅପେକ୍ଷା ମୋ'ର ଜ୍ଞାନ ଅଧିକ ଅଛି ବୋଲି ଯେ ଏହି ନିଗୂଢ଼ ବିଷୟ ପ୍ରକାଶିତ ହୋଇଅଛି, ତାହା ନୁହେଁ, ମାତ୍ର ମହାରାଜାଙ୍କୁ ଯେପରି ଅର୍ଥ ଜ୍ଞାତ କରାଯିବ ଓ ଆପଣ ଯେପରି ନିଜ ମନର ଚିନ୍ତା ଜାଣିବେ, ଏଥିପାଇଁ ତାହା ମୋ ପ୍ରତି ପ୍ରକାଶିତ ହୋଇଅଛି ।
\s ସ୍ୱପ୍ନର ଅର୍ଥ
\p
\s5
\v 31 ହେ ମହାରାଜ, ଆପଣ ଦେଖୁ ଦେଖୁ ଏକ ପ୍ରକାଣ୍ଡ ପ୍ରତିମା ଦେଖିଲେ, ଅତି ବିକ୍ରମୀ ଓ ଅତିଶୟ ତେଜୋବିଶିଷ୍ଟ ସେହି ପ୍ରତିମା ଆପଣଙ୍କ ସମ୍ମୁଖରେ ଠିଆ ହେଲା ଓ ତହିଁର ଦୃଶ୍ୟ ଭୟଙ୍କର ଥିଲା ।
\v 32 ସେହି ପ୍ରତିମାର ମସ୍ତକ ଶୁଦ୍ଧ ସୁବର୍ଣ୍ଣମୟ, ତାହାର ବକ୍ଷ ଓ ବାହୁ ରୌପ୍ୟମୟ, ତାହାର ଉଦର ଓ ଜଙ୍ଘ ପିତ୍ତଳମୟ,
\v 33 ତାହାର ଚରଣ ଲୌହମୟ ଓ ତାହାର ପାଦର କିଛି ଅଂଶ ଲୌହମୟ, କିଛି ମୃତ୍ତିକାମୟ ଥିଲା ।
\s5
\v 34 ଆପଣ ନିରୀକ୍ଷଣ କରୁ କରୁ ଶେଷରେ ହସ୍ତ ବିନା ଚ୍ଛେଦିତ ଏକ ପ୍ରସ୍ତର ସେହି ପ୍ରତିମାର ଲୌହ ଓ ମୃତ୍ତିକାମୟ ପାଦକୁ ଆଘାତ କରି ଖଣ୍ଡ ଖଣ୍ଡ କରି ଭାଙ୍ଗି ପକାଇଲା ।
\v 35 ଏଥିରେ ଲୌହ, ମୃତ୍ତିକା, ପିତ୍ତଳ, ରୂପା ଓ ସୁନା ଏକ ସଙ୍ଗରେ ଖଣ୍ଡ ଖଣ୍ଡ ହୋଇ ଭଙ୍ଗା ଗଲା, ଆଉ ଗ୍ରୀଷ୍ମକାଳୀନ ଖଳାର ତୁଷ ପରି ହେଲା; ଆଉ, ବାୟୁ ସେସବୁକୁ ଉଡ଼ାଇ ନେଇଗଲା ଓ ସେସବୁର ପାଇଁ ଆଉ ସ୍ଥାନ ମିଳିଲା ନାହିଁ; ପୁଣି, ସେହି ପ୍ରତିମାକୁ ଆଘାତ କଲା ଯେଉଁ ପ୍ରସ୍ତର, ତାହା ବଢ଼ି ଏକ ମହାପର୍ବତ ହେଲା, ଆଉ ସମୁଦାୟ ପୃଥିବୀକୁ ପରିପୂର୍ଣ୍ଣ କଲା ।
\s5
\v 36 ସ୍ୱପ୍ନଟି ଏହି; ଏବେ ଆମ୍ଭେମାନେ ମହାରାଜାଙ୍କ ଛାମୁରେ ତହିଁର ଅର୍ଥ ଜଣାଇବୁ ।
\v 37 ହେ ମହାରାଜ, ଆପଣ ରାଜାଧିରାଜ; ସ୍ୱର୍ଗସ୍ଥ ପରମେଶ୍ୱର ଆପଣଙ୍କୁ ରାଜ୍ୟ, ପରାକ୍ରମ, କ୍ଷମତା ଓ ମହିମା ଦେଇଅଛନ୍ତି ।
\v 38 ଆଉ, ଯେକୌଣସି ସ୍ଥାନରେ ମନୁଷ୍ୟସନ୍ତାନଗଣ ବାସ କରନ୍ତି, ସେହି ସ୍ଥାନର ଭୂଚର ପଶୁଗଣ ଓ ଆକାଶର ପକ୍ଷୀଗଣକୁ ସେ ଆପଣଙ୍କ ହସ୍ତରେ ସମର୍ପଣ କରିଅଛନ୍ତି ଓ ସେହି ସକଳର ଉପରେ ଆପଣଙ୍କୁ କର୍ତ୍ତୃତ୍ୱ ଦେଇଅଛନ୍ତି; ଆପଣ ହିଁ ସେହି ସୁବର୍ଣ୍ଣମୟ ମସ୍ତକ ଅଟନ୍ତି ।
\s5
\v 39 ପୁଣି, ଆପଣଙ୍କ ଉତ୍ତାରେ ଆପଣଙ୍କଠାରୁ ନ୍ୟୁନ ଆଉ ଗୋଟିଏ ରାଜ୍ୟ ଉଠିବ ଓ ତହିଁ ଉତ୍ତାରେ ପିତ୍ତଳମୟ ତୃତୀୟ ଏକ ରାଜ୍ୟ ଉଠିବ, ତାହା ସମୁଦାୟ ପୃଥିବୀ ଉପରେ କର୍ତ୍ତୃତ୍ୱ କରିବ ।
\s5
\v 40 ପୁଣି, ଚତୁର୍ଥ ରାଜ୍ୟ ଲୌହ ତୁଲ୍ୟ ଦୃଢ଼ ହେବ; କାରଣ ଲୌହ ଯେପରି ସକଳ ଦ୍ରବ୍ୟ ଖଣ୍ଡ ଖଣ୍ଡ କରି ଆୟତ୍ତ କରେ ଓ ଲୌହ ଯେପରି ଏହିସବୁକୁ ଚୂର୍ଣ୍ଣ କରେ, ସେହିପରି ସେହି ରାଜ୍ୟ ଖଣ୍ଡ ଖଣ୍ଡ କରି ଭାଙ୍ଗି ସବୁ ଚୂର୍ଣ୍ଣ କରିବ ।
\s5
\v 41 ଆହୁରି, ଆପଣ ଯେପରି ଦେଖିଲେ ଯେ, ପାଦ ଓ ପାଦର ଅଙ୍ଗୁଳି କିଛି କୁମ୍ଭକାରର ମୃତ୍ତିକାମୟ ଓ କିଛି ଲୌହମୟ ଥିଲା, ସେପରି ସେ ରାଜ୍ୟ ବିଭକ୍ତ ରାଜ୍ୟ ହେବ; ମାତ୍ର ତହିଁରେ ଲୌହର ଦୃଢ଼ତା ରହିବ, କାରଣ କର୍ଦ୍ଦମରେ ଲୌହ ମିଶ୍ରିତ ଥିବାର ଆପଣ ଦେଖିଲେ ।
\v 42 ପୁଣି, ପାଦର ଅଙ୍ଗୁଳିସବୁ ଯେପରି କିଛି ଲୌହମୟ ଓ କିଛି ମୃତ୍ତିକାମୟ ଥିଲା, ସେପରି ରାଜ୍ୟର ଏକାଂଶ ଦୃଢ଼ ଓ ଏକାଂଶ ଭଗ୍ନ ହେବ ।
\v 43 ଆଉ, ଆପଣ ଯେପରି କର୍ଦ୍ଦମ ସଙ୍ଗରେ ଲୌହ ମିଶ୍ରିତ ଥିବାର ଦେଖିଲେ, ସେପରି ସେମାନେ ମନୁଷ୍ୟମାନଙ୍କ ବଂଶ ସଙ୍ଗେ ଆପେ ମିଶ୍ରିତ ହେବେ; ମାତ୍ର ଲୌହ ଯେପରି ମୃତ୍ତିକାରେ ମିଶ୍ରିତ ହୁଏ ନାହିଁ, ତଦ୍ରୂପ ସେମାନେ ପରସ୍ପର ସଂଲଗ୍ନ ହୋଇ ରହିବେ ନାହିଁ ।
\s5
\v 44 ପୁଣି, ସେହି ରାଜଗଣର ସମୟରେ ସ୍ୱର୍ଗସ୍ଥ ପରମେଶ୍ୱର ଗୋଟିଏ ରାଜ୍ୟ ସ୍ଥାପନ କରିବେ, ତାହା କଦାଚ ବିନଷ୍ଟ ହେବ ନାହିଁ, କିଅବା ତହିଁର ଆଧିପତ୍ୟ ଅନ୍ୟ ଗୋଷ୍ଠୀର ହସ୍ତରେ ଛଡ଼ା ଯିବ ନାହିଁ; ମାତ୍ର ତାହା ଏହିସବୁ ରାଜ୍ୟକୁ ଖଣ୍ଡ ଖଣ୍ଡ ଓ ନଷ୍ଟ କରି ଆପେ ଚିରସ୍ଥାୟୀ ହେବ ।
\v 45 କାରଣ ପର୍ବତରୁ ହସ୍ତ ବିନା ଛେଦିତ ଏକ ପ୍ରସ୍ତର ଯେ ସେହି ଲୌହ, ପିତ୍ତଳ, ମୃତ୍ତିକା, ରୂପା ଓ ସୁନାକୁ ଚୂର୍ଣ୍ଣ କଲା, ଏହା ଆପଣ ଦେଖିଲେ; ଯାହା ଏଥିଉତ୍ତାରେ ଘଟିବ, ତାହା ମହାନ ପରମେଶ୍ୱର ମହାରାଜାଙ୍କୁ ଜ୍ଞାତ କରାଇ ଅଛନ୍ତି; ପୁଣି, ଏହି ସ୍ୱପ୍ନ ନିଶ୍ଚିତ ଓ ତହିଁର ଅର୍ଥ ସତ୍ୟ ।
\s ଦାନିୟେଲ ଉନ୍ନୀତ
\p
\s5
\v 46 ସେତେବେଳେ ରାଜା ନବୂଖଦ୍‍ନିତ୍ସର ମୁହଁ ମାଡ଼ି ପଡ଼ି ଦାନିୟେଲଙ୍କୁ ପ୍ରଣାମ କଲା ଓ ଲୋକମାନେ ଯେପରି ତାଙ୍କ ଉଦ୍ଦେଶ୍ୟରେ ନୈବେଦ୍ୟ ଓ ସୁଗନ୍ଧି ଧୂପ ଉତ୍ସର୍ଗ କରିବେ, ଏହା ଆଜ୍ଞା କଲା ।
\v 47 ରାଜା ଦାନିୟେଲଙ୍କୁ ଉତ୍ତର କରି କହିଲା, ତୁମ୍ଭେ ଏହି ନିଗୂଢ଼ କଥା ପ୍ରକାଶ କରିବାକୁ ସମର୍ଥ ହୋଇଅଛ, ଏଥିପାଇଁ ନିଶ୍ଚୟ ତୁମ୍ଭର ପରମେଶ୍ୱର ଈଶ୍ୱରଗଣର ଈଶ୍ୱର ଓ ରାଜାଗଣର ପ୍ରଭୁ ଓ ନିଗୂଢ଼ ବିଷୟମାନର ପ୍ରକାଶକ ଅଟନ୍ତି ।
\s5
\v 48 ତହୁଁ ରାଜା ଦାନିୟେଲଙ୍କୁ ମହାନ କରି ଅନେକ ବହୁମୂଲ୍ୟ ଉପହାର ଦେଲା, ଆଉ ବାବିଲର ସମୁଦାୟ ପ୍ରଦେଶ ଉପରେ କର୍ତ୍ତୃତ୍ୱ ପଦ ଦେଇ ବାବିଲସ୍ଥ ଯାବତୀୟ ବିଦ୍ୱାନ୍‍ ଲୋକଙ୍କ ଉପରେ ତାଙ୍କୁ ପ୍ରଧାନ ଅଧିପତି କଲା ।
\v 49 ପୁଣି, ଦାନିୟେଲ ରାଜା ନିକଟରେ ନିବେଦନ କରନ୍ତେ, ରାଜା ଶଦ୍ରକ୍‍, ମୈଶକ ଓ ଅବେଦ୍‍-ନଗୋଙ୍କୁ ବାବିଲ ପ୍ରଦେଶର କାର୍ଯ୍ୟରେ ନିଯୁକ୍ତ କଲା; ମାତ୍ର ଦାନିୟେଲ ରାଜଦ୍ୱାରରେ ରହିଲେ ।
\s5
\c 3
\s ନବୂଖଦ୍‍ନିତ୍ସରଙ୍କ ସୁବର୍ଣ୍ଣ ପ୍ରତିମା
\p
\v 1 ରାଜା ନବୂଖଦ୍‍ନିତ୍ସର ଷାଠିଏ ହାତ ଉଚ୍ଚ ଓ ଛଅ ହାତ ପ୍ରସ୍ଥ ଏକ ସୁବର୍ଣ୍ଣମୟ ପ୍ରତିମା ନିର୍ମାଣ କଲା; ବାବିଲ ପ୍ରଦେଶର ଦୂରା ନାମକ ପଦାରେ ସେ ତାହା ସ୍ଥାପନ କଲା ।
\v 2 ତହିଁରେ ରାଜା ନବୂଖଦ୍‍ନିତ୍ସର ସେହି ଯେଉଁ ପ୍ରତିମା ସ୍ଥାପନ କରିଥିଲା, ତାହାର ପ୍ରତିଷ୍ଠା କରିବାକୁ ଆସିବା ପାଇଁ କ୍ଷିତିପାଳମାନଙ୍କୁ, ରାଜପ୍ରତିନିଧିମାନଙ୍କୁ ଓ ଦେଶାଧ୍ୟକ୍ଷଗଣଙ୍କୁ, ବିଚାରକର୍ତ୍ତାଗଣଙ୍କୁ, କୋଷାଧ୍ୟକ୍ଷଗଣଙ୍କୁ, ବ୍ୟବସ୍ଥାପକଗଣଙ୍କୁ, ବେବର୍ତ୍ତାଗଣଙ୍କୁ ଓ ପ୍ରଦେଶୀୟ ସକଳ ଶାସନକର୍ତ୍ତାଗଣଙ୍କୁ ଏକତ୍ର କରିବା ପାଇଁ ରାଜା ନବୂଖଦ୍‍ନିତ୍ସର ଲୋକ ପ୍ରେରଣ କଲା ।
\s5
\v 3 ତହିଁରେ କ୍ଷିତିପାଳମାନେ, ରାଜପ୍ରତିନିଧିମାନେ ଓ ଦେଶାଧ୍ୟକ୍ଷଗଣ, ବିଚାରକର୍ତ୍ତାଗଣ, କୋଷାଧ୍ୟକ୍ଷଗଣ, ବ୍ୟବସ୍ଥାପକଗଣ, ବେବର୍ତ୍ତାଗଣ ଓ ପ୍ରଦେଶୀୟ ସକଳ ଶାସନକର୍ତ୍ତାଗଣ, ରାଜା ନବୂଖଦ୍‍ନିତ୍ସରର ସ୍ଥାପିତ ପ୍ରତିମାର ପ୍ରତିଷ୍ଠା କରିବା ପାଇଁ ଏକତ୍ର ହେଲେ, ଆଉ ସେମାନେ ନବୂଖଦ୍‍ନିତ୍ସରର ସ୍ଥାପିତ ପ୍ରତିମାର ସମ୍ମୁଖରେ ଠିଆ ହେଲେ ।
\v 4 ତହୁଁ ଘୋଷକ ଉଚ୍ଚସ୍ୱରରେ କହିଲା, ହେ ଲୋକବୃନ୍ଦ, ଗୋଷ୍ଠୀବର୍ଗ ଓ ନାନା ଭାଷାବାଦୀଗଣ, ତୁମ୍ଭମାନଙ୍କୁ ଏହି ଆଜ୍ଞା ଦିଆ ଯାଉଅଛି,
\v 5 ଯେଉଁ ସମୟରେ ତୁମ୍ଭେମାନେ ଶୃଙ୍ଗ, ବଂଶୀ, ବୀଣା, ଚତୁସ୍ତନ୍ତ୍ରୀ ଓ ନେବଲ, ମୃଦଙ୍ଗ ଓ ସବୁ ପ୍ରକାର ବାଦ୍ୟ ଶୁଣିବ, ସେତେବେଳେ ତୁମ୍ଭେମାନେ ରାଜା ନବୂଖଦ୍‍ନିତ୍ସରଙ୍କ ସ୍ଥାପିତ ସୁବର୍ଣ୍ଣ ପ୍ରତିମା ସମ୍ମୁଖରେ ଉବୁଡ଼ ହୋଇ ପ୍ରଣାମ କରିବ ।
\s5
\v 6 ପୁଣି, ଯେକୌଣସି ଲୋକ ମୁହଁ ମାଡ଼ି ପ୍ରଣାମ ନ କରିବ, ସେ ସେହି ଦଣ୍ଡରେ ପ୍ରଜ୍ୱଳିତ ଅଗ୍ନିକୁଣ୍ଡରେ ନିକ୍ଷିପ୍ତ ହେବ ।
\v 7 ଏହେତୁରୁ ଯେତେବେଳେ ସମସ୍ତ ଲୋକ ଶୃଙ୍ଗ, ବଂଶୀ, ବୀଣା, ଚତୁସ୍ତନ୍ତ୍ରୀ, ନେବଲ ଓ ସବୁପ୍ରକାର ବାଦ୍ୟ ଶୁଣିଲେ, ସେତେବେଳେ ସମସ୍ତ ଲୋକ, ଗୋଷ୍ଠୀୟ ବର୍ଗ ଓ ଭାଷାବାଦୀମାନେ ରାଜା ନବୂଖଦ୍‍ନିତ୍ସରର ସ୍ଥାପିତ ପ୍ରତିମାକୁ ମୁହଁ ମାଡ଼ି ପ୍ରଣାମ କଲେ ।
\s ପ୍ରଜ୍ୱଳିତ ଅଗ୍ନିକୁଣ୍ଡରେ ତିନି ଯୁବା
\p
\s5
\v 8 ଏଥିପାଇଁ ସେହି ସମୟରେ କେତେକ କଲ୍‍ଦୀୟ ଲୋକ ନିକଟକୁ ଆସି ଯିହୁଦୀୟ ଲୋକମାନଙ୍କ ବିରୁଦ୍ଧରେ ଅପବାଦ ଆଣିଲେ ।
\v 9 ସେମାନେ ନବୂଖଦ୍‍ନିତ୍ସର ରାଜାକୁ ଉତ୍ତର କରି କହିଲେ, ହେ ମହାରାଜ, ଚିରଜୀବୀ ହେଉନ୍ତୁ ।
\v 10 ହେ ମହାରାଜ, ଆପଣ ଆଜ୍ଞା କରିଅଛନ୍ତି ଯେ, ଯେକେହି ଶୃଙ୍ଗ, ବଂଶୀ, ବୀଣା, ଚତୁସ୍ତନ୍ତ୍ରୀ, ନେବଲ, ମୃଦଙ୍ଗ ଓ ସବୁ ପ୍ରକାର ବାଦ୍ୟ ଶୁଣିବ, ସେ ଉବୁଡ଼ ହୋଇ ସୁବର୍ଣ୍ଣ ପ୍ରତିମାକୁ ପ୍ରଣାମ କରିବ;
\s5
\v 11 ପୁଣି, ଯେକୌଣସି ଲୋକ ଉବୁଡ଼ ହୋଇ ପ୍ରଣାମ ନ କରିବ, ସେ ପ୍ରଜ୍ୱଳିତ ଅଗ୍ନିକୁଣ୍ଡରେ ନିକ୍ଷିପ୍ତ ହେବ;
\v 12 ଏଠାରେ ଶଦ୍ରକ୍‍, ମୈଶକ୍‍ ଓ ଅବେଦ୍‍-ନଗୋ ନାମକ କେତେକ ଯିହୁଦୀ ଲୋକ ଅଛନ୍ତି, ସେମାନଙ୍କୁ ଆପଣ ବାବିଲ ପ୍ରଦେଶର ରାଜକର୍ମରେ ନିଯୁକ୍ତ କରିଅଛନ୍ତି; ହେ ମହାରାଜ, ସେହି ଲୋକମାନେ ଆପଣଙ୍କୁ ମାନି ନାହାନ୍ତି; ସେମାନେ ଆପଣଙ୍କ ଦେବଗଣର ସେବା କରନ୍ତି ନାହିଁ କିଅବା ଆପଣଙ୍କ ସ୍ଥାପିତ ସୁବର୍ଣ୍ଣ ପ୍ରତିମାକୁ ପ୍ରଣାମ କରନ୍ତି ନାହିଁ ।
\s5
\v 13 ତହିଁରେ ନବୂଖଦ୍‍ନିତ୍ସର ପ୍ରଚଣ୍ଡ କ୍ରୋଧ ଓ କୋପରେ ଶଦ୍ରକ୍‍, ମୈଶକ୍‍ ଓ ଅବେଦ୍‍-ନଗୋକୁ ଆଣିବା ପାଇଁ ଆଜ୍ଞା କଲା । ତହୁଁ ଲୋକମାନେ ସେମାନଙ୍କୁ ରାଜାର ଛାମୁକୁ ଆଣିଲେ ।
\v 14 ନବୂଖଦ୍‍ନିତ୍ସର ସେମାନଙ୍କୁ ଉତ୍ତର କରି କହିଲା, ହେ ଶଦ୍ରକ, ମୈଶକ୍‍ ଓ ଅବେଦ୍‍-ନଗୋ, ତୁମ୍ଭେମାନେ କି ମନସ୍ଥ ହୋଇ ମୋର ଦେବତାର ସେବା କରୁ ନାହଁ, କିଅବା ମୋ' ସ୍ଥାପିତ ସୁବର୍ଣ୍ଣମୟ ପ୍ରତିମାକୁ ପ୍ରଣାମ କରୁ ନାହଁ ?
\s5
\v 15 ଏବେ ଶୃଙ୍ଗ, ବଂଶୀ, ବୀଣା, ଚତୁସ୍ତନ୍ତ୍ରୀ, ନେବଲ, ମୃଦଙ୍ଗ ଓ ସର୍ବପ୍ରକାର ବାଦ୍ୟ ଶୁଣିଲେ, ତୁମ୍ଭେମାନେ ଯଦି ମୋ' ନିର୍ମିତ ପ୍ରତିମାକୁ ମୁହଁ ମାଡ଼ି ପ୍ରଣାମ କରିବାକୁ ପ୍ରସ୍ତୁତ ହୁଅ, ତେବେ ଭଲ; ମାତ୍ର ଯଦି ତୁମ୍ଭେମାନେ ପ୍ରଣାମ ନ କର, ତେବେ ସେହି ଦଣ୍ଡରେ ତୁମ୍ଭେମାନେ ପ୍ରଜ୍ୱଳିତ ଅଗ୍ନିକୁଣ୍ଡରେ ନିକ୍ଷିପ୍ତ ହେବ; ଆଉ, ଏପରି କେଉଁ ଦେବତା ଅଛି ଯେ ତୁମ୍ଭମାନଙ୍କୁ ମୋ' ହସ୍ତରୁ ଉଦ୍ଧାର କରିବ ?
\s5
\v 16 ଶଦ୍ରକ୍‍, ମୈଶକ୍‍ ଓ ଅବେଦ୍‍-ନଗୋ ରାଜାକୁ ଉତ୍ତର କରି କହିଲେ, ହେ ନବୂଖଦ୍‍ନିତ୍ସର, ଏହି ବିଷୟରେ ଆପଣଙ୍କୁ ଉତ୍ତର ଦେବାର ଆମ୍ଭମାନଙ୍କର ପ୍ରୟୋଜନ ନାହିଁ ।
\v 17 ଯଦି ସେହିପରି ହୁଏ, ତେବେ ଆମ୍ଭେମାନେ ଯାହାଙ୍କର ସେବା କରୁ, ଆମ୍ଭମାନଙ୍କର ସେହି ପରମେଶ୍ୱର ଆମ୍ଭମାନଙ୍କୁ ପ୍ରଜ୍ୱଳିତ ଅଗ୍ନିକୁଣ୍ଡରୁ ରକ୍ଷା କରିବାକୁ ସମର୍ଥ ଅଟନ୍ତି; ଆଉ ହେ ମହାରାଜ, ସେ ଆପଣଙ୍କ ହସ୍ତରୁ ଆମ୍ଭମାନଙ୍କୁ ଉଦ୍ଧାର କରିବେ ।
\v 18 ମାତ୍ର ଯଦି ନ କରନ୍ତି, ତେବେ ହେ ମହାରାଜ, ଆମ୍ଭେମାନେ ଯେ ଆପଣଙ୍କ ଦେବତାଗଣର ସେବା କରିବୁ ନାହିଁ, କିଅବା ଆପଣଙ୍କ ସ୍ଥାପିତ ସୁବର୍ଣ୍ଣ-ପ୍ରତିମାକୁ ପ୍ରଣାମ କରିବୁ ନାହିଁ, ଏହା ଆପଣ ଜ୍ଞାତ ହେଉନ୍ତୁ ।
\s5
\v 19 ଏଥିରେ ନବୂଖଦ୍‍ନିତ୍ସର କୋପରେ ପରିପୂର୍ଣ୍ଣ ହେଲା ଓ ଶଦ୍ରକ୍‍, ମୈଶକ୍‍ ଓ ଅବେଦ୍‍-ନଗୋର ପ୍ରତିକୂଳରେ ତାହାର ମୁଖ ବିକଟାକାର ହେଲା । ଏଥିପାଇଁ ଅଗ୍ନିକୁଣ୍ଡକୁ ସାଧାରଣ ପରିମାଣ ଅପେକ୍ଷା ସାତ ଗୁଣ ଉତ୍ତପ୍ତ କରିବା ପାଇଁ ସେ ଆଜ୍ଞା ଦେଲା ।
\v 20 ପୁଣି, ସେ ଆପଣା ସୈନ୍ୟ ମଧ୍ୟରୁ କେତେକ ବଳବାନ ଲୋକଙ୍କୁ ଶଦ୍ରକ୍‍, ମୈଶକ୍‍ ଓ ଅବେଦ୍‍-ନଗୋକୁ ବାନ୍ଧି ପ୍ରଜ୍ୱଳିତ ଅଗ୍ନିକୁଣ୍ଡରେ ପକାଇବା ପାଇଁ ଆଜ୍ଞା ଦେଲା ।
\s5
\v 21 ତହୁଁ ସେହି ପୁରୁଷମାନେ ଆପଣା ଆପଣା ପାୟଜାମା, ଅଙ୍ଗରଖା, ଉତ୍ତରୀୟ ଓ ଅନ୍ୟାନ୍ୟ ବସ୍ତ୍ର ସମେତ ବନ୍ଧାଯାଇ ପ୍ରଜ୍ୱଳିତ ଅଗ୍ନିକୁଣ୍ଡ ମଧ୍ୟରେ ନିକ୍ଷିପ୍ତ ହେଲେ ।
\v 22 ରାଜାର ଆଜ୍ଞା ଅତି ବ୍ୟଗ୍ର ଓ ଅଗ୍ନିକୁଣ୍ଡ ଅତିଶୟ ଉତ୍ତପ୍ତ ଥିଲା, ଏଥିପାଇଁ ଯେଉଁ ଲୋକମାନେ ଶଦ୍ରକ୍‍, ମୈଶକ୍‍ ଓ ଅବେଦ୍‍-ନଗୋକୁ ଟେକି ଧରିଥିଲେ, ସେମାନେ ଅଗ୍ନିଶିଖାରେ ହତ ହେଲେ ।
\v 23 ପୁଣି ଶଦ୍ରକ୍‍, ମୈଶକ୍‍ ଓ ଅବେଦ୍‍-ନଗୋ, ଏହି ତିନି ଜଣ ବନ୍ଧା ହୋଇ ପ୍ରଜ୍ୱଳିତ ଅଗ୍ନିକୁଣ୍ଡ ମଧ୍ୟରେ ପଡ଼ିଲେ ।
\s5
\v 24 ଏଥିରେ ରାଜା ନବୂଖଦ୍‍ନିତ୍ସର ଚମତ୍କୃତ ହୋଇ ଶୀଘ୍ର ଉଠିଲା । ସେ ଆପଣା ମନ୍ତ୍ରୀମାନଙ୍କୁ କହିଲା, ଆମ୍ଭେମାନେ କି ତିନି ଲୋକଙ୍କୁ ବାନ୍ଧି ଅଗ୍ନି ମଧ୍ୟରେ ପକାଇ ନ ଥିଲୁ ? ସେମାନେ ରାଜାକୁ ଉତ୍ତର କରି କହିଲେ, ସତ୍ୟ ମହାରାଜ ।
\v 25 ରାଜା ଉତ୍ତର କରି କହିଲା, ଦେଖ, ମୁଁ ଅଗ୍ନି ମଧ୍ୟରେ ଗମନ କରିବାର ଚାରି ମୁକ୍ତ ଲୋକ ଦେଖୁଅଛି ଓ ସେମାନଙ୍କର କୌଣସି କ୍ଷତି ହୋଇ ନାହିଁ; ପୁଣି, ଚତୁର୍ଥ ଲୋକର ମୂର୍ତ୍ତି ପରମେଶ୍ୱରଙ୍କ ପୁତ୍ର ସଦୃଶ୍ୟ ।
\s5
\v 26 ସେତେବେଳେ ନବୂଖଦ୍‍ନିତ୍ସର ପ୍ରଜ୍ୱଳିତ ଅଗ୍ନିକୁଣ୍ଡର ମୁଖ ନିକଟକୁ ଯାଇ କହିଲା, ହେ ସର୍ବୋପରିସ୍ଥ ପରମେଶ୍ୱରଙ୍କର ଦାସ, ଶଦ୍ରକ୍‍, ମୈଶକ୍‍ ଓ ଅବେଦ୍‍ନଗୋ, ତୁମ୍ଭେମାନେ ବାହାର ହୋଇ ଏଠାକୁ ଆସ । ତହିଁରେ ଶଦ୍ରକ୍‍, ମୈଶକ୍‍ ଓ ଅବେଦ୍‍-ନଗୋ ଅଗ୍ନି ମଧ୍ୟରୁ ବାହାର ହୋଇ ଆସିଲେ ।
\v 27 ପୁଣି, କ୍ଷିତିପାଳ, ରାଜପ୍ରତିନିଧି ଓ ଦେଶାଧ୍ୟକ୍ଷ ଓ ରାଜମନ୍ତ୍ରୀମାନେ ଏକତ୍ର ହୋଇ ସେହି ତିନି ଜଣଙ୍କୁ ଅନାଇ ଦେଖିଲେ ଯେ, ଅଗ୍ନି ସେମାନଙ୍କର ଶରୀର ଉପରେ କିଛି ହିଁ ଶକ୍ତି ପ୍ରକାଶ କରି ନାହିଁ, କିଅବା ସେମାନଙ୍କ ମସ୍ତକର କେଶ ହିଁ କିଛି ଦଗ୍‍ଧ ହୋଇ ନାହିଁ, ଅଥବା ସେମାନଙ୍କର ପାୟଜାମା ବିକୃତ ହୋଇ ନାହିଁ, କିଅବା ସେମାନଙ୍କ ଶରୀରରେ ଅଗ୍ନିର ଗନ୍ଧ ନାହିଁ ।
\s5
\v 28 ନବୂଖଦ୍‍ନିତ୍ସର କହିଲା, ଶଦ୍ରକ୍‍, ମୈଶକ୍‍ ଓ ଅବେଦ୍‍-ନଗୋର ପରମେଶ୍ୱର ଧନ୍ୟ, ଯେହେତୁ ସେ ଆପଣା ଦୂତ ପଠାଇଲେ ଓ ତାହାଙ୍କର ଯେଉଁ ଦାସମାନେ ତାହାଙ୍କଠାରେ ବିଶ୍ୱାସ କଲେ ଓ ଆପଣାମାନଙ୍କର ପରମେଶ୍ୱର ବ୍ୟତୀତ ଯେପରି ଅନ୍ୟ କୌଣସି ଦେବତାକୁ ସେବା କିମ୍ବା ପ୍ରଣାମ ନ କରିବେ, ଏଥିପାଇଁ ରାଜାର ବାକ୍ୟ ଅନ୍ୟଥା କରି ଆପଣା ଆପଣା ଶରୀର ସମର୍ପଣ କଲେ, ସେ ସେମାନଙ୍କୁ ଉଦ୍ଧାର କଲେ ।
\s5
\v 29 ଏଥିପାଇଁ ମୁଁ ଏହି ଆଜ୍ଞା କରୁଅଛି ଯେ, ଯେଉଁ ପ୍ରତ୍ୟେକ ଗୋଷ୍ଠୀ, ଦେଶୀୟ ଓ ଭାଷାବାଦୀ ଲୋକ, ଶଦ୍ରକ୍‍, ମୈଶକ୍‍ ଓ ଅବେଦ୍‍-ନଗୋର ପରମେଶ୍ୱରଙ୍କ ପ୍ରତିକୂଳରେ କୌଣସି ଭ୍ରାନ୍ତିର କଥା କହିବେ, ସେମାନେ ଖଣ୍ଡ ଖଣ୍ଡ ହୋଇ କଟା ଯିବେ ଓ ସେମାନଙ୍କର ଗୃହ ଖତ-ରାଶି ହେବ; କାରଣ ଏପ୍ରକାର ଉଦ୍ଧାର କରିବାକୁ ସମର୍ଥ ଆଉ କୌଣସି ଦେବତା ନାହିଁ ।
\v 30 ଏଥିରେ ରାଜା ଶଦ୍ରକ୍‍, ମୈଶକ୍‍ ଓ ଅବେଦ୍‍-ନଗୋର ବାବିଲ ପ୍ରଦେଶରେ ପଦ ବୃଦ୍ଧି କଲା ।
\s5
\c 4
\s ନବୂଖଦ୍‍ନିତ୍ସରଙ୍କ ଈଶ୍ୱର ବନ୍ଦନା
\p
\v 1 ସମୁଦାୟ ପୃଥିବୀନିବାସୀ ଯାବତୀୟ ଗୋଷ୍ଠୀ, ଦେଶୀୟ ଓ ଭାଷାବାଦୀ ଲୋକମାନଙ୍କ ପ୍ରତି ନବୂଖଦ୍‍ନିତ୍ସର ରାଜାର (ବିଜ୍ଞାପନ); ତୁମ୍ଭମାନଙ୍କର ବାହୁଲ୍ୟ ରୂପେ ଶାନ୍ତି ହେଉ ।
\v 2 ସର୍ବୋପରିସ୍ଥ ପରମେଶ୍ୱର ମୋର ପକ୍ଷରେ ଯେଉଁ ଯେଉଁ ଚିହ୍ନ ଓ ଆଶ୍ଚର୍ଯ୍ୟ କ୍ରିୟା ସାଧନ କରିଅଛନ୍ତି, ତାହାସବୁ ପ୍ରଚାର କରିବାକୁ ମୋର ଉଚିତ୍ ବୋଧ ହେଲା ।
\v 3 ତାହାଙ୍କର ଚିହ୍ନସକଳ କିପରି ମହତ ଓ ତାହାଙ୍କର ଆଶ୍ଚର୍ଯ୍ୟ କ୍ରିୟାସକଳ କିପରି ପ୍ରଭାବିଶିଷ୍ଟ ! ତାହାଙ୍କର ରାଜ୍ୟ ଅନନ୍ତକାଳୀନ ରାଜ୍ୟ ଓ ତାହାଙ୍କର କର୍ତ୍ତୃତ୍ୱ ପୁରୁଷାନୁକ୍ରମେ ଥାଏ ।
\s ନବୂଖଦ୍‍ନିତ୍ସରଙ୍କ ଦ୍ୱିତୀୟ ସ୍ୱପ୍ନ
\p
\s5
\v 4 ମୁଁ ନବୂଖଦ୍‍ନିତ୍ସର ଆପଣା ଗୃହରେ ଶାନ୍ତିରେ ଥିଲି ଓ ଆପଣା ପ୍ରାସାଦରେ ତେଜସ୍ୱୀ ଥିଲି ।
\v 5 ମୁଁ ଗୋଟିଏ ସ୍ୱପ୍ନ ଦେଖିଲି, ତାହା ମୋତେ ଭୀତ କରାଇଲା ଓ ଶଯ୍ୟା ଉପରେ ମୋର ଚିନ୍ତା ଓ ମନର ଦର୍ଶନ ମୋତେ ଉଦ୍‍ବିଗ୍ନ କଲା ।
\v 6 ଏହେତୁ ସ୍ୱପ୍ନର ଅର୍ଥ ମୋତେ ଜଣାଇବା ନିମନ୍ତେ ମୁଁ ବାବିଲର ସମସ୍ତ ବିଦ୍ୱାନ୍‍ ଲୋକଙ୍କୁ ମୋ' ନିକଟକୁ ଆଣିବା ପାଇଁ ଆଜ୍ଞା କଲି;
\s5
\v 7 ତହିଁରେ ମନ୍ତ୍ରବେତ୍ତା, ଗଣକ, କଲ୍‍ଦୀୟ ଓ ଶୁଭାଶୁଭବାଦୀମାନେ ମୋ' ନିକଟକୁ ଆସିଲେ; ପୁଣି, ମୁଁ ସେମାନଙ୍କୁ ସ୍ୱପ୍ନ ଜଣାଇଲି; ମାତ୍ର ସେମାନେ ତହିଁର ଅର୍ଥ ମୋତେ କହି ପାରିଲେ ନାହିଁ ।
\v 8 ମାତ୍ର ଅବଶେଷରେ ମୋ' ଦେବତାର ନାମାନୁସାରେ ବେଲ୍‍ଟଶତ୍ସର ନାମବିଶିଷ୍ଟ ଦାନିୟେଲ ମୋ' ନିକଟକୁ ଆସିଲେ, ତାଙ୍କ ଅନ୍ତରରେ ପବିତ୍ର ଦେବଗଣର ଆତ୍ମା ଅଛନ୍ତି; ପୁଣି, ମୁଁ ତାଙ୍କୁ ସ୍ୱପ୍ନଟି ଜଣାଇ କହିଲି,
\v 9 ହେ ମନ୍ତ୍ରବେତ୍ତାଗଣର ଅଧ୍ୟକ୍ଷ ବେଲ୍‍ଟଶତ୍ସର, ମୁଁ ଜାଣେ, ପବିତ୍ର ଦେବଗଣର ଆତ୍ମା ତୁମ୍ଭ ଅନ୍ତରେ ଅଛନ୍ତି ଓ କୌଣସି ନିଗୂଢ଼ ବାକ୍ୟ ତୁମ୍ଭ ପ୍ରତି କଷ୍ଟକର ହୁଏ ନାହିଁ, ଏଥିପାଇଁ ମୁଁ ସ୍ୱପ୍ନରେ ଯେଉଁ ଯେଉଁ ଦର୍ଶନ ପାଇଅଛି, ତାହା ଓ ତହିଁର ଅର୍ଥ ମୋତେ ଜଣାଅ ।
\s5
\v 10 ଶଯ୍ୟା ଉପରେ ମୋ' ମନର ଦର୍ଶନ ଏହି ପ୍ରକାର ଥିଲା; ମୁଁ ଅନାଇଲି, ଆଉ ଦେଖ, ଭୂମଣ୍ଡଳର ମଧ୍ୟସ୍ଥଳରେ ଏକ ବୃକ୍ଷ ଓ ତାହା ଅତି ଉଚ୍ଚ ।
\v 11 ସେ ବୃକ୍ଷ ବଢ଼ିଲା ଓ ଦୃଢ଼ ହେଲା ଓ ତହିଁର ଉଚ୍ଚତା ଗଗନ ସ୍ପର୍ଶ କଲା, ପୁଣି ସମୁଦାୟ ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ ତାହା ଦୃଶ୍ୟମାନ ଥିଲା ।
\v 12 ତହିଁର ପତ୍ରମାନ ସୁନ୍ଦର ଓ ତହିଁର ଫଳ ଅନେକ ଥିଲା, ଆଉ ତହିଁରେ ସମସ୍ତଙ୍କ ପାଇଁ ଖାଦ୍ୟ ଥିଲା । କ୍ଷେତ୍ରସ୍ଥ ପଶୁଗଣ ତହିଁର ତଳେ ଛାୟା ପାଇଲେ ଓ ଆକାଶସ୍ଥ ପକ୍ଷୀଗଣ ତହିଁର ଶାଖାମାନରେ ବାସ କଲେ ଓ ସମସ୍ତ ପ୍ରାଣୀ ତହିଁରୁ ଖାଦ୍ୟ ପାଇଲେ ।
\s5
\v 13 ମୁଁ ଶଯ୍ୟା ଉପରେ ମୋ' ମନର ଦର୍ଶନକ୍ରମେ ଦେଖିଲି, ଆଉ ଦେଖ, ଏକ ପ୍ରହରୀ ଓ ପବିତ୍ର ପୁରୁଷ ସ୍ୱର୍ଗରୁ ଓହ୍ଲାଇ ଆସିଲେ ।
\v 14 ସେ ଉଚ୍ଚସ୍ୱର କରି ଏହି କଥା କହିଲେ, ଏହି ବୃକ୍ଷକୁ ଛେଦନ କର ଓ ତହିଁର ଶାଖାସବୁ କାଟି ପକାଅ, ତହିଁର ପତ୍ରସବୁ ଝାଡ଼ି ପକାଅ ଓ ଫଳସବୁ ବିଞ୍ଚିଦିଅ; ତହିଁର ତଳୁ ପଶୁମାନେ, ତହିଁର ଡାଳରୁ ପକ୍ଷୀମାନେ ପଳାଇ ଯାଉନ୍ତୁ ।
\s5
\v 15 ତଥାପି ଭୂମିରେ ତାହାର ମୂଳ-ଗଣ୍ଡିକୁ ଲୌହ ଓ ପିତ୍ତଳମୟ ବେଡ଼ିରେ ବାନ୍ଧି କ୍ଷେତ୍ରସ୍ଥ କୋମଳ ତୃଣ ମଧ୍ୟରେ ରଖ ଓ ତାହା ଆକାଶର କାକରରେ ତିନ୍ତୁ, ଆଉ ପଶୁମାନଙ୍କ ସଙ୍ଗେ ପୃଥିବୀର ତୃଣରେ ତାହାର ଅଂଶ ହେଉ;
\v 16 ତାହାର ମାନବ ହୃଦୟ ପରିବର୍ତ୍ତିତ ହେଉ ଓ ତାହାକୁ ପଶୁର ହୃଦୟ ଦତ୍ତ ହେଉ ଆଉ, ତାହା ଉପରେ ସାତ କାଳ ବହିଯାଉ ।
\s5
\v 17 ଯେ ସର୍ବୋପରିସ୍ଥ, ସେ ଯେ ମନୁଷ୍ୟଗଣର ରାଜ୍ୟରେ କର୍ତ୍ତୃତ୍ୱ କରନ୍ତି ଓ ଯାହାକୁ ତାହାଙ୍କର ଇଚ୍ଛା, ତାହାକୁ ସେ ତାହା ଦିଅନ୍ତି, ପୁଣି ମନୁଷ୍ୟମାନଙ୍କ ମଧ୍ୟରେ ନୀଚତମ ଲୋକକୁ ତହିଁ ଉପରେ ନିଯୁକ୍ତ କରନ୍ତି, ଜୀବିତ ଲୋକମାନେ ଯେପରି ଏହା ଜାଣିବେ, ଏଥିପାଇଁ ଏହି ବାକ୍ୟ ପ୍ରହରୀଗଣର ଆଦେଶରେ ଓ ଏହି ଦାବୀ ପବିତ୍ରଗଣର ବାକ୍ୟ ଦ୍ୱାରା ହୋଇଅଛି ।
\v 18 ମୁଁ ରାଜା ନବୂଖଦ୍‍ନିତ୍ସର ଏହି ସ୍ୱପ୍ନ ଦେଖିଅଛି; ଏବେ ହେ ବେଲ୍‍ଟଶତ୍ସର, ତୁମ୍ଭେ ଅର୍ଥ ଜଣାଅ, କାରଣ ମୋ' ରାଜ୍ୟସ୍ଥ ସମସ୍ତ ବିଦ୍ୱାନ୍‍ ଲୋକ ତହିଁର ଅର୍ଥ ମୋତେ ଜଣାଇବାକୁ ଅକ୍ଷମ ଅଟନ୍ତି; ମାତ୍ର ତୁମ୍ଭେ ସକ୍ଷମ ଅଟ, କାରଣ ତୁମ୍ଭ ଅନ୍ତରେ ପବିତ୍ର ଦେବଗଣର ଆତ୍ମା ଅଛନ୍ତି ।
\s ଦାନିୟେଲଙ୍କ ଦ୍ୱିତୀୟ ସ୍ୱପ୍ନର ଅର୍ଥ ପ୍ରକାଶ
\p
\s5
\v 19 ତହିଁରେ ବେଲ୍‍ଟଶତ୍ସର ନାମକ ଦାନିୟେଲ କ୍ଷଣକାଳ ଚମତ୍କୃତ ହୋଇ ରହିଲେ ଓ ତାଙ୍କର ଭାବନା ତାଙ୍କୁ ବ୍ୟାକୁଳିତ କଲା । ରାଜା ଉତ୍ତର କରି କହିଲା, ହେ ବେଲ୍‍ଟଶତ୍ସର, ସେହି ସ୍ୱପ୍ନ ଅବା ତହିଁର ଅର୍ଥ ତୁମ୍ଭଙ୍କୁ ବ୍ୟାକୁଳିତ ନ କରୁ । ବେଲ୍‍ଟଶତ୍ସର ଉତ୍ତର କରି କହିଲେ, ହେ ମୋର ପ୍ରଭୁ, ଯେଉଁମାନେ ଆପଣଙ୍କୁ ଘୃଣା କରନ୍ତି, ସେମାନଙ୍କ ପାଇଁ ଏହି ସ୍ୱପ୍ନ ହେଉ ଓ ଆପଣଙ୍କ ବିପକ୍ଷମାନଙ୍କ ପ୍ରତି ତହିଁର ଅର୍ଥ ଘଟୁ ।
\s5
\v 20 ଆପଣ ଯେଉଁ ବୃକ୍ଷ ଦେଖିଲେ, ଯାହା ବଢ଼ି ବଳବାନ ହେଲା, ଯହିଁର ଉଚ୍ଚତା ଗଗନସ୍ପର୍ଶୀ ଓ ସମୁଦାୟ ପୃଥିବୀରେ ଦୃଶ୍ୟମାନ ହେଲା;
\v 21 ଯାହାର ପତ୍ରସବୁ ସୁନ୍ଦର ଓ ଫଳ ଅନେକ ଥିଲା ଓ ଯହିଁରେ ସମସ୍ତଙ୍କ ପାଇଁ ଖାଦ୍ୟ ଥିଲା; ଯହିଁର ତଳେ କ୍ଷେତ୍ରସ୍ଥ ପଶୁମାନେ ବାସ କଲେ, ଯହିଁର ଶାଖାମାନର ଉପରେ ଆକାଶସ୍ଥ ପକ୍ଷୀଗଣର ବସତି ଥିଲା;
\v 22 ହେ ମହାରାଜ, ସେହି ବୃକ୍ଷ ଆପଣ ଅଟନ୍ତି, ଆପଣ ବୃଦ୍ଧି ପାଇ ବଳବାନ ହୋଇଅଛନ୍ତି; କାରଣ ଆପଣଙ୍କର ମହତ୍ତ୍ୱ ବୃଦ୍ଧି ପାଇଅଛି ଓ ତାହା ଗଗନ ସ୍ପର୍ଶ କରୁଅଛି ଓ ଆପଣଙ୍କର କର୍ତ୍ତୃତ୍ୱ ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ ବ୍ୟାପିଅଛି ।
\s5
\v 23 ପୁଣି, ଆପଣ ଯେ ଦେଖିଲେ, ସ୍ୱର୍ଗରୁ ଏକ ପ୍ରହରୀ ଓ ପବିତ୍ର ପୁରୁଷ ଓହ୍ଲାଇ ଆସି କହିଲେ, ଏ ବୃକ୍ଷକୁ ଛେଦନ କରି ବିନଷ୍ଟ କର; ତଥାପି ଭୂମିରେ ତହିଁର ମୂଳ ଗଣ୍ଡିକୁ ଲୌହ ଓ ପିତ୍ତଳ ବେଡ଼ିରେ ବାନ୍ଧି କ୍ଷେତ୍ରସ୍ଥ କୋମଳ ତୃଣ ମଧ୍ୟରେ ରଖ; ଆଉ, ତାହା ଆକାଶର କାକରରେ ତିନ୍ତୁ ଓ ତାହା ଉପରେ ସାତ କାଳ ବହି ଯିବା ପର୍ଯ୍ୟନ୍ତ କ୍ଷେତ୍ରସ୍ଥ ପଶୁଗଣର ସହିତ ତାହାର ଅଂଶ ହେଉ ।
\s5
\v 24 ହେ ମହାରାଜ, ଏହାର ଅର୍ଥ ଏହି, ଆଉ ମୋର ପ୍ରଭୁ ମହାରାଜାଙ୍କ ବିଷୟରେ ସର୍ବୋପରିସ୍ଥଙ୍କର ନିରୂପଣ ଏହି ।
\v 25 ଆପଣ ମନୁଷ୍ୟମାନଙ୍କ ମଧ୍ୟରୁ ଦୂରୀକୃତ ହେବେ ଓ କ୍ଷେତ୍ରସ୍ଥ ପଶୁମାନଙ୍କ ସଙ୍ଗରେ ଆପଣଙ୍କର ବସତି ହେବ, ବଳଦର ନ୍ୟାୟ ଆପଣଙ୍କୁ ତୃଣଭୋଜୀ କରାଯିବ, ଆଉ ଆପଣ ଆକାଶର କାକରରେ ତିନ୍ତିବ, ଏହିରୂପେ ଆପଣଙ୍କ ଉପରେ ସାତ କାଳ ବହିଯିବ; ଶେଷରେ ଯେ ସର୍ବୋପରିସ୍ଥ, ସେ ଯେ ମନୁଷ୍ୟମାନଙ୍କ ରାଜ୍ୟରେ କର୍ତ୍ତୃତ୍ୱ କରନ୍ତି ଓ ଯାହାକୁ ତାହା ଦେବାକୁ ଇଚ୍ଛା କରିବେ, ତାହାକୁ ସେ ତାହା ଦିଅନ୍ତି, ଏହା ଆପଣ ଜାଣିବେ ।
\s5
\v 26 ଆହୁରି, ବୃକ୍ଷର ମୂଳ-ଗଣ୍ଡି ଛାଡ଼ିବା ପାଇଁ ଆଜ୍ଞା ଦିଆ ଯିବାର ଅର୍ଥ ଏହି; ସ୍ୱର୍ଗ ହିଁ କର୍ତ୍ତୃତ୍ୱ କରଇ, ଏହା ଆପଣ ଜାଣିଲା ଉତ୍ତାରେ ଆପଣଙ୍କ ରାଜ୍ୟ ଆପଣଙ୍କ ପ୍ରତି ନିଶ୍ଚିତ ହେବ ।
\v 27 ଏହେତୁ ହେ ମହାରାଜ, ମୋର ପରାମର୍ଶ ଆପଣଙ୍କ ନିକଟରେ ଗ୍ରାହ୍ୟ ହେଉ, ଆଉ ଆପଣ ଧାର୍ମିକତା ଦ୍ୱାରା ଆପଣା ପାପସକଳ ଓ ଦରିଦ୍ରମାନଙ୍କ ପ୍ରତି ଦୟା ଦେଖାଇବା ଦ୍ୱାରା ଆପଣା ଅଧର୍ମସକଳ ଦୂର କରନ୍ତୁ; ତାହାହେଲେ ହୋଇପାରେ, ଆପଣଙ୍କ ଶାନ୍ତିର କାଳ ବୃଦ୍ଧି ପାଇବ ।
\s ନବୂଖଦ୍‍ନିତ୍ସର ପ୍ରତି ବିଚାର
\p
\s5
\v 28 ରାଜା ନବୂଖଦ୍‍ନିତ୍ସର ପ୍ରତି ଏହିସବୁ ଘଟିଲା ।
\v 29 ବାର ମାସର ଶେଷରେ ସେ ବାବିଲର ରାଜ- ପ୍ରାସାଦରେ ବୁଲୁଥିଲା ।
\v 30 ରାଜା ଏହି କଥା କହିଲା, ମୁଁ ଆପଣା ବଳର ପ୍ରଭାବରେ ଓ ଆପଣା ପ୍ରତାପର ମହିମା ନିମନ୍ତେ ରାଜଧାନୀ କରିବା ପାଇଁ ଯାହା ନିର୍ମାଣ କରିଅଛି, ଏହି କି ସେହି ମହତୀ ବାବିଲ ନୁହେଁ ?
\s5
\v 31 ରାଜାର ମୁଖରେ ଏହି କଥା ଥାଉ ଥାଉ ଏହି ସ୍ୱର୍ଗୀୟ ବାଣୀ ହେଲା, ହେ ରାଜନ୍‍ ନବୂଖଦ୍‍ନିତ୍ସର, ତୁମ୍ଭକୁ ଏହି କଥା କୁହାଯାଉଅଛି, ତୁମ୍ଭଠାରୁ ରାଜ୍ୟ ଗଲା ।
\v 32 ପୁଣି, ତୁମ୍ଭେ ମନୁଷ୍ୟମାନଙ୍କ ମଧ୍ୟରୁ ଦୂରୀକୃତ ହେବ ଓ କ୍ଷେତ୍ରସ୍ଥ ପଶୁମାନଙ୍କ ସଙ୍ଗରେ ତୁମ୍ଭର ବସତି ହେବ; ବଳଦ ନ୍ୟାୟ ତୁମ୍ଭକୁ ତୃଣଭୋଜୀ କରାଯିବ, ଏହିରୂପେ ତୁମ୍ଭ ଉପରେ ସାତ କାଳ ବହିଯିବ; ଶେଷରେ ଯେ ସର୍ବୋପରିସ୍ଥ, ସେ ଯେ ମନୁଷ୍ୟମାନଙ୍କ ରାଜ୍ୟରେ କର୍ତ୍ତୃତ୍ୱ କରନ୍ତି ଓ ଯାହାକୁ ତାହାଙ୍କର ଇଚ୍ଛା, ତାହାକୁ ସେ ତାହା ଦିଅନ୍ତି, ଏହା ତୁମ୍ଭେ ଜାଣିବ ।
\s5
\v 33 ସେହି ଦଣ୍ଡରେ ନବୂଖଦ୍‍ନିତ୍ସର ପ୍ରତି ସେହି କଥା ସଫଳ ହେଲା; ଆଉ, ସେ ମନୁଷ୍ୟମାନଙ୍କ ମଧ୍ୟରୁ ଦୂରୀକୃତ ହୋଇ ବଳଦ ନ୍ୟାୟ ତୃଣ ଭୋଜନ କଲା, ଆଉ ତାହାର ଶରୀର ଆକାଶର କାକରରେ ତିନ୍ତିଲା, ଶେଷରେ ତାହାର କେଶ ଉତ୍କ୍ରୋଶ ପକ୍ଷୀର ପର ତୁଲ୍ୟ ଓ ତାହାର ନଖ ପକ୍ଷୀର ନଖ ତୁଲ୍ୟ ବଢ଼ିଲା ।
\s ନବୂଖଦ୍‍ନିତ୍ସରଙ୍କ ଈଶ୍ୱର ବନ୍ଦନା
\p
\s5
\v 34 ଏଥିଉତ୍ତାରେ ସେହି ସମୟର ଶେଷରେ ମୁଁ ନବୂଖଦ୍‍ନିତ୍ସର ସ୍ୱର୍ଗ ଆଡ଼େ ଉର୍ଦ୍ଧ୍ବ ଦୃଷ୍ଟି କଲି, ତହିଁରେ ମୋର ବୁଦ୍ଧି ମୋ' କତିକୁ ଫେରି ଆସିଲା, ତହୁଁ ମୁଁ ସର୍ବୋପରିସ୍ଥଙ୍କର ଧନ୍ୟବାଦ କଲି ଓ ଯେ ଅନନ୍ତଜୀବୀ, ତାହାଙ୍କର ପ୍ରଶଂସା ଓ ସମାଦର କଲି; କାରଣ ତାହାଙ୍କର କର୍ତ୍ତୃତ୍ୱ ଅନନ୍ତକାଳୀନ ଓ ତାହାଙ୍କର ରାଜ୍ୟ ପୁରୁଷାନୁକ୍ରମେ ଥାଏ ।
\s5
\v 35 ପୁଣି, ପୃଥିବୀନିବାସୀ ସମସ୍ତେ ଅବସ୍ତୁ ତୁଲ୍ୟ ଗଣିତ; ଆଉ ସେ ସ୍ୱର୍ଗୀୟ ସୈନ୍ୟଗଣ ମଧ୍ୟରେ ଓ ପୃଥିବୀର ନିବାସୀଗଣର ମଧ୍ୟରେ ଆପଣା ଇଚ୍ଛାନୁସାରେ କାର୍ଯ୍ୟ କରନ୍ତି; ଆଉ, କେହି ତାହାଙ୍କର ହସ୍ତ ସ୍ଥଗିତ କରି ନ ପାରେ ଓ ତୁମ୍ଭେ କ'ଣ କରୁଅଛ ଏହା ତାହାଙ୍କୁ କହି ନ ପାରେ ।
\s5
\v 36 ସେହି ସମୟରେ ମୋ' ବୁଦ୍ଧି ମୋ' କତିକୁ ଫେରି ଆସିଲା ଓ ମୋ' ରାଜ୍ୟର ଗୌରବ ନିମନ୍ତେ ମୋର ପ୍ରତାପ ଓ ତେଜ ମୋ' କତିକୁ ଫେରି ଆସିଲା; ତହିଁରେ ମୋର ମନ୍ତ୍ରୀ ଓ ଅମାତ୍ୟଗଣ ମୋର ଅନ୍ୱେଷଣ କଲେ; ପୁଣି, ମୁଁ ଆପଣା ରାଜ୍ୟରେ ସ୍ଥାପିତ ହେଲି ଓ ମୋର ମହିମା ଅତିଶୟ ବୃଦ୍ଧି ପାଇଲା ।
\v 37 ଏଣୁ ମୁଁ ନବୂଖଦ୍‍ନିତ୍ସର ସେହି ସ୍ୱର୍ଗସ୍ଥ ରାଜାଙ୍କର ପ୍ରଶଂସା, ପ୍ରତିଷ୍ଠା ଓ ସମାଦର କରୁଅଛି; କାରଣ ତାହାଙ୍କର ସକଳ କ୍ରିୟା ସତ୍ୟ ଓ ତାହାଙ୍କର ପଥସକଳ ନ୍ୟାଯ୍ୟ; ପୁଣି, ଯେଉଁମାନେ ଗର୍ବାଚରଣ କରନ୍ତି, ସେମାନଙ୍କୁ ନତ କରିବାକୁ ତାହାଙ୍କର କ୍ଷମତା ଅଛି ।
\s5
\c 5
\s ବେଲ୍‍ଶତ୍ସର ନିମନ୍ତେ କାନ୍ଥରେ ଲେଖା
\p
\v 1 ରାଜା ବେଲ୍‍ଶତ୍ସର ଆପଣାର ସହସ୍ର ଅମାତ୍ୟବର୍ଗଙ୍କ ନିମନ୍ତେ ଏକ ମହାଭୋଜ ପ୍ରସ୍ତୁତ କଲା ଓ ସେହି ସହସ୍ରଙ୍କ ସାକ୍ଷାତରେ ଦ୍ରାକ୍ଷାରସ ପାନ କଲା ।
\v 2 ପୁଣି, ତାହାର ପିତା ନବୂଖଦ୍‍ନିତ୍ସର ଯିରୂଶାଲମସ୍ଥ ମନ୍ଦିରରୁ ଯେଉଁ ସକଳ ସୁନା ଓ ରୂପାର ପାତ୍ର ଅପହରଣ କରିଥିଲା, ତହିଁରେ ରାଜା ଓ ତାହାର ଅମାତ୍ୟବର୍ଗ, ପୁଣି ତାହାର ପତ୍ନୀଗଣ ଓ ଉପପତ୍ନୀଗଣ ଯେପରି ପାନ କରିବେ, ଏଥିପାଇଁ ବେଲ୍‍ଶତ୍ସର ଦ୍ରାକ୍ଷାରସ ଆସ୍ୱାଦନ କରୁ କରୁ ସେସକଳ ପାତ୍ର ଆଣିବା ପାଇଁ ଆଜ୍ଞା କଲା ।
\s5
\v 3 ତହିଁରେ ଯିରୂଶାଲମସ୍ଥ ମନ୍ଦିରରୁ, ଅର୍ଥାତ୍‍, ପରମେଶ୍ୱରଙ୍କ ଗୃହରୁ ଯେଉଁ ସକଳ ସୁବର୍ଣ୍ଣ ପାତ୍ର ଅପହୃତ ହୋଇଥିଲା, ତାହା ଲୋକମାନେ ଆଣିଲେ; ପୁଣି, ରାଜା ଓ ତାହାର ଅମାତ୍ୟବର୍ଗ, ତାହାର ପତ୍ନୀଗଣ ଓ ଉପପତ୍ନୀଗଣ ସେହିସବୁରେ ପାନ କଲେ ।
\v 4 ସେମାନେ ଦ୍ରାକ୍ଷାରସ ପାନ କରୁ କରୁ ସୁନା ଓ ରୂପା, ପିତ୍ତଳ, ଲୁହା, କାଠ ଓ ପଥର ନିର୍ମିତ ଦେବଗଣର ପ୍ରଶଂସା କଲେ ।
\s5
\v 5 ସେହି ଦଣ୍ଡରେ ମନୁଷ୍ୟ ହସ୍ତର ଅଙ୍ଗୁଳି ଆସି ରାଜପ୍ରାସାଦର କାନ୍ଥର ଲେପନ ଉପରେ ଦୀପାଧାରର ନିକଟରେ ଲେଖିଲା, ଆଉ ହସ୍ତର ଯେଉଁ ଅଂଶ ଲେଖିଲା, ରାଜା ତାହା ଦେଖିଲା ।
\v 6 ତହିଁରେ ରାଜାର ମୁଖ ବିବର୍ଣ୍ଣ ହେଲା ଓ ତାହାର ଭାବନା ତାହାକୁ ଉଦ୍‍ବିଗ୍ନ କଲା; ପୁଣି, ତାହାର କଟୀଦେଶର ସନ୍ଧିସ୍ଥାନସବୁ ହୁଗୁଳା ହୋଇଗଲା ଓ ତାହାର ଆଣ୍ଠୁରେ ଆଣ୍ଠୁ ବାଜିଲା ।
\s5
\v 7 ରାଜା ଗଣକ, କଲ୍‍ଦୀୟ ଓ ଶୁଭାଶୁଭବାଦୀମାନଙ୍କୁ ଆଣିବା ପାଇଁ ଉଚ୍ଚସ୍ୱର କରି ଡାକିଲା । ରାଜା ବାବିଲୀୟ ବିଦ୍ୱାନ୍‍ମାନଙ୍କୁ କହିଲା, ଯେକେହି ଏହି ଲେଖା ପଢ଼ିବ ଓ ତହିଁର ଅର୍ଥ ମୋତେ ଜଣାଇବ, ସେ ବାଇଗଣିଆ ରଙ୍ଗ ବସନରେ ବସ୍ତ୍ରାନ୍ୱିତ ହେବ ଓ ତାହାର କଣ୍ଠରେ ସୁବର୍ଣ୍ଣର ହାର ଦିଆଯିବ, ଆଉ ସେ ରାଜ୍ୟରେ ତୃତୀୟ କର୍ତ୍ତା ହେବ ।
\s5
\v 8 ତହିଁରେ ରାଜାର ସମସ୍ତ ବିଦ୍ୱାନ୍‍ ଲୋକ ଭିତରକୁ ଆସିଲେ; ମାତ୍ର ସେମାନେ ଲେଖା ପଢ଼ି ପାରିଲେ ନାହିଁ, କିଅବା ରାଜାକୁ ତହିଁର ଅର୍ଥ ଜଣାଇ ପାରିଲେ ନାହିଁ ।
\v 9 ତେଣୁ ରାଜା ବେଲ୍‍ଶତ୍ସର ଅତିଶୟ ଉଦ୍‍ବିଗ୍ନ ହେଲା ଓ ତାହାର ମୁଖ ବିବର୍ଣ୍ଣ ହେଲା, ଆଉ ତାହାର ଅମାତ୍ୟଗଣ ବିସ୍ମୟାପନ୍ନ ହେଲେ ।
\s5
\v 10 ଏହି ସମୟରେ ରାଜାର ଓ ତାହାର ଅମାତ୍ୟଗଣର କଥା ସକାଶୁ ରାଣୀ ଭୋଜନଶାଳାକୁ ଆସିଲା; ରାଣୀ କହିଲା, ହେ ରାଜନ୍‍, ଚିରଜୀବୀ ହେଉନ୍ତୁ; ଆପଣଙ୍କର ଭାବନା ଆପଣଙ୍କୁ ଉଦ୍‍ବିଗ୍ନ ନ କରୁ, ଅଥବା ଆପଣଙ୍କ ମୁଖ ବିବର୍ଣ୍ଣ ନ ହେଉ ।
\s5
\v 11 ଆପଣଙ୍କ ରାଜ୍ୟ ମଧ୍ୟରେ ଏକ ଲୋକ ଅଛନ୍ତି, ତାଙ୍କ ଅନ୍ତରରେ ପବିତ୍ର ଦେବଗଣର ଆତ୍ମା ଅଛନ୍ତି; ପୁଣି, ଆପଣଙ୍କ ପିତାଙ୍କ ସମୟରେ ଦେବଗଣର ଜ୍ଞାନ ତୁଲ୍ୟ ଜ୍ଞାନଦୀପ୍ତି ଓ ବୁଦ୍ଧି ଓ ଜ୍ଞାନ ତାଙ୍କଠାରେ ଦେଖା ଯାଇଥିଲା; ଆଉ, ଆପଣଙ୍କ ପିତା ରାଜା ନବୂଖଦ୍‍ନିତ୍ସର, ହଁ, ଆପଣଙ୍କ ପିତା ରାଜା, ତାଙ୍କୁ ମନ୍ତ୍ରବେତ୍ତା, ଗଣକ, କଲ୍‍ଦୀୟ ଓ ଶୁଭାଶୁଭବାଦୀମାନଙ୍କ ଉପରେ ପ୍ରଧାନ କରି ନିଯୁକ୍ତ କରିଥିଲେ;
\v 12 କାରଣ ସେହି ଦାନିୟେଲଙ୍କ ଅନ୍ତରରେ ଶ୍ରେଷ୍ଠ ଆତ୍ମା, ଜ୍ଞାନ ଓ ବୁଦ୍ଧି, ସ୍ୱପ୍ନ ଅର୍ଥ କରିବାର ଓ ଗୂଢ଼ ବାକ୍ୟ ପ୍ରକାଶ କରିବାର ଓ ସନ୍ଦେହ ଭଞ୍ଜନ କରିବାର ଶକ୍ତି ଦେଖା ଯାଇଥିଲା, ରାଜା ତାଙ୍କୁ ବେଲ୍‍ଟଶତ୍ସର ନାମ ଦେଇଥିଲେ । ଏବେ ଦାନିୟେଲଙ୍କୁ ଡକାଯାଉ, ସେ ଅର୍ଥ ପ୍ରକାଶ କରିବେ ।
\s ଦାନିୟେଲଙ୍କ ଲେଖାର ଅର୍ଥ ପ୍ରକାଶ
\p
\s5
\v 13 ତହୁଁ ଦାନିୟେଲଙ୍କୁ ରାଜାର ଛାମୁକୁ ଅଣାଗଲା ରାଜା ଦାନିୟେଲଙ୍କୁ କହିଲା, ମୋର ପିତା ମହାରାଜା ଯିହୁଦା ଦେଶରୁ ଯେଉଁମାନଙ୍କୁ ଆଣିଥିଲେ, ସେହି ନିର୍ବାସିତ ଯିହୁଦୀ ଲୋକମାନଙ୍କ ମଧ୍ୟରେ ଯେଉଁ ଦାନିୟେଲ ଥିଲେ, ସେ କି ତୁମ୍ଭେ ?
\v 14 ମୁଁ ତୁମ୍ଭ ବିଷୟରେ ଶୁଣିଅଛି ଯେ, ତୁମ୍ଭ ଅନ୍ତରରେ ଦେବଗଣର ଆତ୍ମା ଅଛନ୍ତି, ଆଉ ଜ୍ଞାନ ଓ ଦୀପ୍ତି, ବୁଦ୍ଧି ଓ ଶ୍ରେଷ୍ଠ ଜ୍ଞାନ ତୁମ୍ଭଠାରେ ଦେଖାଯାଏ ।
\s5
\v 15 ବର୍ତ୍ତମାନ ଏହି ଲେଖା ପଢ଼ିବା ପାଇଁ ଓ ତହିଁର ଅର୍ଥ ମୋତେ ଜଣାଇବା ପାଇଁ ବିଦ୍ୱାନ୍‍ ଓ ଗଣକମାନେ ମୋ' ନିକଟକୁ ଅଣା ଯାଇଅଛନ୍ତି; ମାତ୍ର ସେମାନେ ତହିଁର ଅର୍ଥ ପ୍ରକାଶ କରି ପାରିଲେ ନାହିଁ ।
\v 16 ମାତ୍ର ତୁମ୍ଭ ବିଷୟରେ ମୁଁ ଶୁଣିଅଛି ଯେ, ତୁମ୍ଭେ ଅର୍ଥ ପ୍ରକାଶ ଓ ସନ୍ଦେହ ଦୂର କରି ପାର; ଏବେ ତୁମ୍ଭେ ଯଦି ଏହି ଲେଖା ପାଠ କରି ତହିଁର ଅର୍ଥ ମୋତେ ଜଣାଇ ପାର, ତେବେ ତୁମ୍ଭେ ବାଇଗଣିଆ ବର୍ଣ୍ଣର ବସ୍ତ୍ରରେ ବସ୍ତ୍ରାନ୍ୱିତ ହେବ, ତୁମ୍ଭ କଣ୍ଠରେ ସୁବର୍ଣ୍ଣ ହାର ଦିଆଯିବ ଓ ତୁମ୍ଭେ ରାଜ୍ୟରେ ତୃତୀୟ କର୍ତ୍ତା ହେବ ।
\s5
\v 17 ସେତେବେଳେ ଦାନିୟେଲ ରାଜାର ଛାମୁରେ ଉତ୍ତର କରି କହିଲେ, ଆପଣଙ୍କର ଦାନ ଆପଣଙ୍କର ଥାଉ ଓ ଆପଣଙ୍କର ପୁରସ୍କାର ଅନ୍ୟକୁ ଦେଉନ୍ତୁ; ତଥାପି ମୁଁ ମହାରାଜାଙ୍କ ଛାମୁରେ ଏହି ଲେଖା ପଢ଼ିବି ଓ ଅର୍ଥ ତାଙ୍କୁ ଜଣାଇବି ।
\v 18 ହେ ମହାରାଜ, ସର୍ବୋପରିସ୍ଥ ପରମେଶ୍ୱର ଆପଣଙ୍କ ପିତା ନବୂଖଦ୍‍ନିତ୍ସରଙ୍କୁ ରାଜ୍ୟ, ମହିମା, ଗୌରବ ଓ ପ୍ରତାପ ଦେଲେ;
\v 19 ଆଉ, ସେ ତାଙ୍କୁ ଏପରି ମହିମା ଦେବାରୁ ସକଳ ଗୋଷ୍ଠୀ, ନାନା ଦେଶୀୟ ଓ ଭାଷାବାଦୀ ଲୋକମାନେ ତାଙ୍କ ଛାମୁରେ କମ୍ପିତ ହୋଇ ଭୟ କଲେ; ଯାହାକୁ ତାଙ୍କର ଇଚ୍ଛା, ତାହାକୁ ସେ ବଧ କଲେ ଓ ଯାହାକୁ ତାଙ୍କର ଇଚ୍ଛା, ତାହାକୁ ସେ ଜୀବିତ ରଖିଲେ; ପୁଣି, ଯାହାକୁ ତାଙ୍କର ଇଚ୍ଛା, ସେ ତାହାକୁ ଉନ୍ନତ କଲେ ଓ ଯାହାକୁ ତାଙ୍କର ଇଚ୍ଛା, ତାହାକୁ ସେ ଅବନତ କଲେ ।
\s5
\v 20 ମାତ୍ର ତାଙ୍କର ଅନ୍ତଃକରଣ ଗର୍ବିତ ହୁଅନ୍ତେ ଓ ତାଙ୍କର ଆତ୍ମା କଠିନ ହୋଇ ସେ ଅହଙ୍କାରପୂର୍ବକ ବ୍ୟବହାର କରନ୍ତେ, ସେ ଆପଣା ରାଜସିଂହାସନରୁ ଚ୍ୟୁତ ହେଲେ ଓ ତାଙ୍କର ଗୌରବ ତାଙ୍କଠାରୁ ଅପହୃତ ହେଲା,
\v 21 ପୁଣି, ସେ ମନୁଷ୍ୟସନ୍ତାନଗଣ ମଧ୍ୟରୁ ଦୂରୀକୃତ ହେଲେ; ତାଙ୍କର ଅନ୍ତଃକରଣ ପଶୁର ତୁଲ୍ୟ ହେଲା ଓ ବନ୍ୟ ଗର୍ଦ୍ଦଭ ସହିତ ତାଙ୍କର ବସତି ହେଲା; ସେ ବଳଦ ପରି ତୃଣ ଭୋଜନ କଲେ ଓ ତାଙ୍କର ଶରୀର ଆକାଶର କାକରରେ ତିନ୍ତିଲା; ଶେଷରେ ସେ ଜାଣିଲେ ଯେ, ସର୍ବୋପରିସ୍ଥ ପରମେଶ୍ୱର ମନୁଷ୍ୟମାନଙ୍କ ରାଜ୍ୟରେ କର୍ତ୍ତୃତ୍ୱ କରନ୍ତି ଓ ତହିଁ ଉପରେ ଯାହାକୁ ତାହାଙ୍କର ଇଚ୍ଛା, ତାହାକୁ ସେ ନିଯୁକ୍ତ କରନ୍ତି ।
\s5
\v 22 ଆଉ ହେ ବେଲ୍‍ଶତ୍ସର, ତାଙ୍କର ପୁତ୍ର ଯେ ଆପଣ, ଆପଣ ଏସବୁ ଜାଣିଲେ ହେଁ ଆପଣା ଅନ୍ତଃକରଣ ନମ୍ର କରି ନାହାନ୍ତି;
\v 23 ମାତ୍ର ସ୍ୱର୍ଗର ଅଧିପତିଙ୍କ ବିରୁଦ୍ଧରେ ଆପଣାକୁ ଉନ୍ନତ କରିଅଛନ୍ତି ଓ ତାହାଙ୍କ ଗୃହର ନାନା ପାତ୍ର ଆପଣଙ୍କ ସମ୍ମୁଖକୁ ଅଣାଯା'ନ୍ତେ, ଆପଣ ଓ ଆପଣଙ୍କ ଅମାତ୍ୟଗଣ, ଆପଣଙ୍କର ପତ୍ନୀଗଣ ଓ ଆପଣଙ୍କ ଉପପତ୍ନୀଗଣ ସେହିସବୁ ପାତ୍ରରେ ଦ୍ରାକ୍ଷାରସ ପାନ କରିଅଛନ୍ତି; ପୁଣି ରୂପାର, ସୁନାର, ପିତ୍ତଳର, ଲୁହାର, କାଠର ଓ ପଥରର ଯେଉଁ ଦେବଗଣ ଦେଖନ୍ତି ନାହିଁ, କି ଶୁଣନ୍ତି ନାହିଁ, କି ଜାଣନ୍ତି ନାହିଁ, ସେମାନଙ୍କ ପ୍ରଶଂସା ଆପଣ କରିଅଛନ୍ତି; ପୁଣି, ଆପଣଙ୍କର ନିଃଶ୍ୱାସ ଯାହାଙ୍କର ହସ୍ତଗତ ଓ ଆପଣଙ୍କର ସକଳ ପଥ ଯାହାଙ୍କର ଅଧୀନ, ଆପଣ ସେହି ପରମେଶ୍ୱରଙ୍କର ଗୌରବ କରି ନାହାନ୍ତି ।
\v 24 ଏହି ସମୟରେ ତାହାଙ୍କ ନିକଟରୁ ହସ୍ତର ଅଂଶ ପ୍ରେରିତ ହେଲା, ଆଉ ଏହି ଲେଖା ଲିଖିତ ହେଲା ।
\s5
\v 25 ପୁଣି, ଯାହା ଲିଖିତ ହେଲା, ତାହା ଏହି, ମିନେ ମିନେ, ତକେଲ, ଉପାରସୀନ ।
\v 26 ଏହାର ଅର୍ଥ ଏହି ମିନେ, ପରମେଶ୍ୱର ଆପଣଙ୍କ ରାଜ୍ୟର ଗଣନା କରିଅଛନ୍ତି ଓ ତାହା ଶେଷ କରିଅଛନ୍ତି ।
\v 27 ତକେଲ, ଆପଣ ନିକ୍ତିରେ ତୌଲା ଯାଇଅଛନ୍ତି ଓ ଊଣା ଦେଖା ଯାଇଅଛନ୍ତି ।
\v 28 ପୀରସ୍‍, ଆପଣଙ୍କ ରାଜ୍ୟ ବିଭକ୍ତ ହୋଇଅଛି, ଆଉ ମାଦୀୟ ଓ ପାରସିକମାନଙ୍କୁ ଦତ୍ତ ହୋଇଅଛି ।
\s5
\v 29 ସେତେବେଳେ ବେଲ୍‍ଶତ୍ସର ଆଜ୍ଞା କରନ୍ତେ, ଲୋକମାନେ ଦାନିୟେଲଙ୍କୁ ବାଇଗଣିଆ ରଙ୍ଗର ବସ୍ତ୍ର ପିନ୍ଧାଇଲେ ଓ ତାଙ୍କର କଣ୍ଠରେ ସୁବର୍ଣ୍ଣ ହାର ଦେଲେ ଓ ସେ ଯେ ରାଜ୍ୟର ତୃତୀୟ କର୍ତ୍ତା ହେବେ, ତାଙ୍କ ବିଷୟରେ ଏହା ଘୋଷଣା କଲେ ।
\v 30 ସେହି ରାତ୍ରିରେ କଲ୍‍ଦୀୟମାନଙ୍କର ରାଜା ବେଲ୍‍ଶତ୍ସର ବଧ କରାଗଲା ।
\v 31 ପୁଣି, ମାଦୀୟ ଦାରୀୟାବସ ରାଜ୍ୟ ପ୍ରାପ୍ତ ହେଲା, ସେହି ସମୟରେ ତାହାର ପ୍ରାୟ ବାଷଠି ବର୍ଷ ବୟସ ହୋଇଥିଲା ।
\s5
\c 6
\s ସିଂହ ଗର୍ତ୍ତରେ ଦାନିୟେଲ
\p
\v 1 ଦାରୀୟାବସ ସମୁଦାୟ ରାଜ୍ୟରେ ଏକଶତ ବିଂଶତି ଜଣ କ୍ଷିତିପାଳ ରାଜ୍ୟ ଉପରେ ନିଯୁକ୍ତ କରିବାକୁ
\v 2 ଓ ସେହି କ୍ଷିତିପାଳମାନେ ଯେପରି ହିସାବ ଦେବେ ଓ ରାଜାର ଯେପରି କିଛି କ୍ଷତି ନ ହେବ, ଏଥିପାଇଁ ସେମାନଙ୍କ ଉପରେ ତିନି ଜଣ ଅଧ୍ୟକ୍ଷ ନିଯୁକ୍ତ କରିବାକୁ ବିହିତ ବୁଝିଲା; ଏହି ତିନି ଜଣ ମଧ୍ୟରେ ଦାନିୟେଲ ଏକ ଜଣ ଥିଲେ ।
\v 3 ଏହି ଦାନିୟେଲଙ୍କର ଅନ୍ତରରେ ଶ୍ରେଷ୍ଠ ଆତ୍ମା ଥିବାରୁ ସେ ଅଧ୍ୟକ୍ଷଗଣ ଓ କ୍ଷିତିପାଳମାନଙ୍କ ଅପେକ୍ଷା ବିଖ୍ୟାତ ହୋଇଥିଲେ; ଆଉ, ରାଜା ତାଙ୍କୁ ସମୁଦାୟ ରାଜ୍ୟ ଉପରେ ନିଯୁକ୍ତ କରିବାକୁ ମନସ୍ଥ କଲା ।
\s5
\v 4 ଏଥିରେ ଅଧ୍ୟକ୍ଷ ଓ କ୍ଷିତିପାଳମାନେ ରାଜକର୍ମ ବିଷୟରେ ଦାନିୟେଲଙ୍କର ଦୋଷ ଅନୁସନ୍ଧାନ କଲେ; ମାତ୍ର ସେମାନେ କୌଣସି ଦୋଷ ଅବା ଅପରାଧ ପାଇ ପାରିଲେ ନାହିଁ, କାରଣ ସେ ବିଶ୍ୱସ୍ତ ଥିଲେ ଓ ତାଙ୍କର କୌଣସି ଭ୍ରାନ୍ତି ଅବା ଅପରାଧ ଦେଖା ଗଲା ନାହିଁ ।
\v 5 ତହୁଁ ସେହି ଲୋକମାନେ କହିଲେ, ଆମ୍ଭେମାନେ ଦାନିୟେଲର ପରମେଶ୍ୱରଙ୍କ ବ୍ୟବସ୍ଥା ସମ୍ବନ୍ଧରେ, ତାହାର ଦୋଷ ନ ଧରିଲେ ଆଉ କୌଣସି ବିଷୟରେ ଦୋଷ ପାଇବା ନାହିଁ ।
\s5
\v 6 ଏଥିରେ ଅଧ୍ୟକ୍ଷଗଣ ଓ କ୍ଷିତିପାଳମାନେ ରାଜା ନିକଟରେ ଏକତ୍ର ହୋଇ ତାହାକୁ ଏହି ପ୍ରକାର କହିଲେ, ମହାରାଜ ଦାରୀୟାବସ, ଚିରଜୀବୀ ହେଉନ୍ତୁ ।
\v 7 ରାଜ୍ୟର ଅଧ୍ୟକ୍ଷଗଣ, ରାଜପ୍ରତିନିଧିଗଣ ଓ କ୍ଷିତିପାଳଗଣ, ମନ୍ତ୍ରୀ ଓ ଦେଶାଧ୍ୟକ୍ଷଗଣ ସମସ୍ତେ ଏକତ୍ର ମନ୍ତ୍ରଣା କରି ଏପରି ଏକ ରାଜାଜ୍ଞା ଓ ଦୃଢ଼ ନିଷେଧ-ବିଧି ସ୍ଥାପନ କରିବାକୁ ବିଚାର କରିଅଛନ୍ତି ଯେ, ଯଦି କେହି ତିରିଶ ଦିନ ପର୍ଯ୍ୟନ୍ତ ମହାରାଜାଙ୍କ ବିନା କୌଣସି ଦେବତା କିଅବା ମନୁଷ୍ୟର ନିକଟରେ ପ୍ରାର୍ଥନା କରିବ, ସେ ସିଂହମାନଙ୍କ ଗର୍ତ୍ତରେ ନିକ୍ଷିପ୍ତ ହେବ ।
\s5
\v 8 ଏବେ ହେ ମହାରାଜ, ମାଦୀୟ ଓ ପାରସିକମାନଙ୍କର ଅଟଳ ବ୍ୟବସ୍ଥାନୁସାରେ ଏହି ନିଷେଧ-ବିଧି ଯେପରି ପରିବର୍ତ୍ତିତ ନ ହୁଏ, ଏଥିପାଇଁ ତାହା ସ୍ଥିର କରନ୍ତୁ ଓ ଏହି ଲେଖାରେ ସ୍ୱାକ୍ଷର କରନ୍ତୁ ।
\v 9 ଏଣୁ ରାଜା ଦାରୀୟାବସ ସେହି ଲେଖା ଓ ନିଷେଧ- ବିଧିରେ ସ୍ୱାକ୍ଷର କଲା ।
\s5
\v 10 ଅନନ୍ତର ଏହି ଲେଖା ସ୍ୱାକ୍ଷରିତ ହୋଇଅଛି ବୋଲି ଜାଣିଲା ଉତ୍ତାରେ ଦାନିୟେଲ ଆପଣା ଗୃହକୁ ଗଲେ; ତାଙ୍କ କୋଠରୀର ଝରକା ଯିରୂଶାଲମ ଆଡ଼େ ମେଲା ଥିଲା; ପୁଣି, ସେ ପୂର୍ବେ ଯେପରି କରିଥାଆନ୍ତି, ତଦନୁସାରେ ଦିନ ମଧ୍ୟରେ ତିନି ଥର ଆଣ୍ଠୁପାତି ପ୍ରାର୍ଥନା କଲେ ଓ ଆପଣା ପରମେଶ୍ୱରଙ୍କ ଛାମୁରେ ଧନ୍ୟବାଦ ପ୍ରଦାନ କଲେ ।
\v 11 ଏଥିରେ ସେହି ଲୋକମାନେ ଏକତ୍ର ହୋଇ ଦାନିୟେଲଙ୍କୁ ତାଙ୍କର ପରମେଶ୍ୱରଙ୍କ ନିକଟରେ ପ୍ରାର୍ଥନା ଓ ନିବେଦନ କରିବାର ଦେଖିଲେ ।
\s5
\v 12 ସେତେବେଳେ ସେମାନେ ରାଜାର ନିକଟକୁ ଯାଇ ରାଜକୀୟ ନିଷେଧ-ବିଧି ବିଷୟରେ ତାଙ୍କ ଛାମୁରେ କହିଲେ, ଯଥା; ହେ ମହାରାଜ, ଯେଉଁ କୌଣସି ଲୋକ ତିରିଶ ଦିନ ମଧ୍ୟରେ ଆପଣଙ୍କ ବିନା କୌଣସି ଦେବତା କି ମନୁଷ୍ୟର ନିକଟରେ ପ୍ରାର୍ଥନା କରିବ, ସେ ସିଂହମାନଙ୍କ ଗର୍ତ୍ତରେ ନିକ୍ଷିପ୍ତ ହେବ, ଏପରି ଏକ ନିଷେଧ ପତ୍ରରେ କି ଆପଣ ସ୍ୱାକ୍ଷର କରି ନାହାନ୍ତି ? ରାଜା ଉତ୍ତର କରି କହିଲା, ମାଦୀୟ ଓ ପାରସିକମାନଙ୍କର ଅଟଳ ବ୍ୟବସ୍ଥାନୁସାରେ ତାହା ସ୍ଥିର ହୋଇଅଛି ।
\s5
\v 13 ତହିଁରେ ସେମାନେ ରାଜାଙ୍କ ଛାମୁରେ ଉତ୍ତର କରି କହିଲେ, ହେ ମହାରାଜ, ନିର୍ବାସିତ ଯିହୁଦୀ-ସନ୍ତାନଗଣ ମଧ୍ୟରେ ଜଣେ ଯେ ଦାନିୟେଲ, ସେ ଆପଣଙ୍କୁ କିଅବା ଆପଣଙ୍କ ସ୍ୱାକ୍ଷରିତ ନିଷେଧ ପତ୍ରକୁ ମାନ୍ୟ କରେ ନାହିଁ, ମାତ୍ର ଦିନ ମଧ୍ୟରେ ତିନି ଥର ପ୍ରାର୍ଥନା କରେ ।
\v 14 ତହୁଁ ରାଜା ଏ କଥା ଶୁଣି ଅତିଶୟ ଅସନ୍ତୁଷ୍ଟ ହେଲା, ପୁଣି ଦାନିୟେଲଙ୍କୁ ଉଦ୍ଧାର କରିବା ପାଇଁ ତାଙ୍କ ବିଷୟରେ ମନୋଯୋଗ କଲା; ଆଉ, ତାଙ୍କୁ ରକ୍ଷା କରିବା ପାଇଁ ସୂର୍ଯ୍ୟାସ୍ତ ପର୍ଯ୍ୟନ୍ତ ଚେଷ୍ଟା କଲା ।
\s5
\v 15 ଏଥିରେ ସେହି ଲୋକମାନେ ରାଜାର ନିକଟରେ ଏକତ୍ର ହୋଇ ରାଜାକୁ କହିଲେ, ହେ ମହାରାଜ, ଆପଣ ଜାଣନ୍ତୁ, ରାଜା କୌଣସି ନିଷେଧାଜ୍ଞା ଅବା ବିଧି ସ୍ଥାପନ କଲେ, ତାହା ଯେ ପରିବର୍ତ୍ତିତ ହୋଇ ନ ପାରେ, ମାଦୀୟ ଓ ପାରସିକମାନଙ୍କର ଏପରି ଏକ ବ୍ୟବସ୍ଥା ଅଛି ।
\s5
\v 16 ତହୁଁ ରାଜା ଆଜ୍ଞା କରନ୍ତେ, ସେମାନେ ଦାନିୟେଲଙ୍କୁ ଆଣି ସିଂହମାନଙ୍କ ଗର୍ତ୍ତରେ ନିକ୍ଷେପ କଲେ । ପୁଣି, ରାଜା ଦାନିୟେଲଙ୍କୁ କହିଲା, ତୁମ୍ଭେ ନିତ୍ୟ ନିତ୍ୟ ଯେଉଁ ପରମେଶ୍ୱରଙ୍କର ସେବା କରୁଅଛ, ସେ ତୁମ୍ଭଙ୍କୁ ଉଦ୍ଧାର କରିବେ ।
\s5
\v 17 ପୁଣି, ଏକ ପଥର ଅଣାଯାଇ ଗର୍ତ୍ତ ମୁଖରେ ଥୁଆଗଲା; ଆଉ, ଦାନିୟେଲଙ୍କ ବିଷୟରେ ଯେପରି କୌଣସି ପରିବର୍ତ୍ତନ ନ ହେବ, ଏଥିପାଇଁ ରାଜା ଆପଣାର ମୁଦ୍ରାରେ ଓ ଆପଣା ଅମାତ୍ୟଗଣର ମୁଦ୍ରାରେ ତାହା ଅଙ୍କିତ କଲା ।
\v 18 ଏଉତ୍ତାରେ ରାଜା ଆପଣା ଅଟ୍ଟାଳିକାକୁ ଯାଇ ଉପବାସରେ ରାତ୍ରି କ୍ଷେପଣ କଲା ଓ ବାଦ୍ୟଯନ୍ତ୍ରାଦି ତାହା ନିକଟକୁ ଅଣାଗଲା ନାହିଁ; ଆଉ, ତାହାର ନିଦ୍ରା ନୋହିଲା ।
\s5
\v 19 ଅନନ୍ତର ରାଜା ଅତି ପ୍ରଭାତରୁ ଉଠି ଶୀଘ୍ର ସିଂହମାନଙ୍କ ଗର୍ତ୍ତ ନିକଟକୁ ଗଲା ।
\v 20 ପୁଣି, ସେ ଗର୍ତ୍ତ ନିକଟରେ ଦାନିୟେଲଙ୍କ ପାଖରେ ଉପସ୍ଥିତ ହୋଇ ବିଳାପ ସ୍ୱରରେ ଡାକିଲା; ରାଜା ଦାନିୟେଲଙ୍କୁ କହିଲା, ହେ ଜୀବିତ ପରମେଶ୍ୱରଙ୍କ ସେବକ ଦାନିୟେଲ, ତୁମ୍ଭେ ନିତ୍ୟ ନିତ୍ୟ ଯାହାଙ୍କର ସେବା କରୁଅଛ, ତୁମ୍ଭର ସେହି ପରମେଶ୍ୱର ସିଂହମାନଙ୍କଠାରୁ ତୁମ୍ଭଙ୍କୁ ଉଦ୍ଧାର କରିବାକୁ କି ସମର୍ଥ ଅଟନ୍ତି ?
\s5
\v 21 ତହିଁରେ ଦାନିୟେଲ ରାଜାଙ୍କୁ କହିଲେ, ହେ ମହାରାଜ, ଚିରଜୀବୀ ହେଉନ୍ତୁ ।
\v 22 ମୋର ପରମେଶ୍ୱର ଆପଣା ଦୂତ ପଠାଇ ସିଂହମାନଙ୍କ ମୁଖ ବନ୍ଦ କରିଅଛନ୍ତି ଓ ସେମାନେ ମୋର କ୍ଷତି କରି ନାହାନ୍ତି; କାରଣ ତାହାଙ୍କ ଛାମୁରେ ମୋର ନିର୍ଦ୍ଦୋଷତା ଦେଖାଗଲା; ପୁଣି, ହେ ମହାରାଜ, ମୁଁ ଆପଣଙ୍କ ସାକ୍ଷାତରେ ହିଁ କୌଣସି କ୍ଷତି କରି ନାହିଁ ।
\s5
\v 23 ତହିଁରେ ରାଜା ଅତିଶୟ ଆନନ୍ଦିତ ହୋଇ ଦାନିୟେଲଙ୍କୁ ଗର୍ତ୍ତରୁ ଉଠାଇ ଆଣିବାକୁ ଆଜ୍ଞା ଦେଲା । ତହୁଁ ଦାନିୟେଲ ଗର୍ତ୍ତରୁ ଉଠାଗଲେ ଓ ତାଙ୍କ ଶରୀରରେ କୌଣସି ପ୍ରକାର କ୍ଷତ ଦେଖା ନ ଗଲା, କାରଣ ସେ ଆପଣା ପରମେଶ୍ୱରଙ୍କଠାରେ ବିଶ୍ୱାସ କରିଥିଲେ ।
\s5
\v 24 ଅନନ୍ତର ରାଜା ଆଜ୍ଞା କରନ୍ତେ, ଲୋକମାନେ ଦାନିୟେଲଙ୍କର ଅପବାଦକାରୀମାନଙ୍କୁ ଆଣି, ସେମାନଙ୍କୁ, ସେମାନଙ୍କର ବାଳକ ଓ ସେମାନଙ୍କର ସ୍ତ୍ରୀମାନଙ୍କୁ ସିଂହମାନଙ୍କ ଗର୍ତ୍ତରେ ପକାଇଲେ; ପୁଣି, ସେମାନେ ଗର୍ତ୍ତର ତଳଭାଗରେ ନ ପଡ଼ୁଣୁ ସିଂହମାନେ ସେମାନଙ୍କୁ ଆକ୍ରମଣ କରି ସେମାନଙ୍କର ଅସ୍ଥିସବୁ ଚୂର୍ଣ୍ଣ କଲେ ।
\v 25 ସେତେବେଳେ ଦାରୀୟାବସ ସମୁଦାୟ ପୃଥିବୀନିବାସୀ, ସମସ୍ତ ଗୋଷ୍ଠୀ, ଦେଶବାସୀ ଓ ଭାଷାବାଦୀମାନଙ୍କ ନିକଟକୁ ପତ୍ର ଲେଖିଲା;
\q “ତୁମ୍ଭମାନଙ୍କ ପ୍ରତି ବାହୁଲ୍ୟ ରୂପରେ ଶାନ୍ତି ହେଉ ।
\p
\s5
\v 26 ମୁଁ ଏହି ଆଜ୍ଞା କରୁଅଛି ଯେ, ମୋର ରାଜ୍ୟସ୍ଥ ସମୁଦାୟ ପ୍ରଦେଶର ଲୋକମାନେ ଦାନିୟେଲଙ୍କର ପରମେଶ୍ୱରଙ୍କ ଛାମୁରେ କମ୍ପିତ ଓ ଭୀତ ହେଉନ୍ତୁ;
\q କାରଣ ସେ ଜୀବିତ ପରମେଶ୍ୱର ଓ ନିତ୍ୟସ୍ଥାୟୀ ଅଟନ୍ତି
\q ଓ ତାହାଙ୍କର ରାଜ୍ୟ ଅବିନାଶ୍ୟ ଅଟେ;
\q ପୁଣି ତାହାଙ୍କର କର୍ତ୍ତୃତ୍ୱ ଶେଷ ପର୍ଯ୍ୟନ୍ତ ହିଁ ଥିବ ।
\q
\v 27 ସେ ଉଦ୍ଧାର କରନ୍ତି ଓ ରକ୍ଷା କରନ୍ତି,
\q ପୁଣି ସେ ସ୍ୱର୍ଗରେ ଓ ପୃଥିବୀରେ
\q ଚିହ୍ନ ଓ ଅଦ୍ଭୁତ କ୍ରିୟା ସାଧନ କରନ୍ତି;
\q ସେ ଦାନିୟେଲଙ୍କୁ ସିଂହମାନଙ୍କ ବଳରୁ ଉଦ୍ଧାର କରିଅଛନ୍ତି ।”
\p
\s5
\v 28 ଏହିରୂପେ ଦାନିୟେଲ ଦାରୀୟାବସର ରାଜତ୍ଵ ସମୟରେ ଓ ପାରସୀକ କୋରସର ରାଜତ୍ଵ ସମୟରେ ଉନ୍ନତି ଲାଭ କଲେ ।
\s5
\c 7
\s ଦାନିୟେଲଙ୍କ ଚାରୋଟି ପଶୁର ଦର୍ଶନ
\p
\v 1 ବାବିଲର ରାଜା ବେଲ୍‍ଶତ୍ସରର ରାଜତ୍ଵର ପ୍ରଥମ ବର୍ଷରେ ଦାନିୟେଲ ଆପଣା ଶଯ୍ୟା ଉପରେ ସ୍ୱପ୍ନ ଓ ମାନସିକ ଦର୍ଶନ ପ୍ରାପ୍ତ ହେଲେ; ତହୁଁ ସେ ସେହି ସ୍ୱପ୍ନ ଲେଖି କଥାର ସାର ପ୍ରକାଶ କଲେ ।
\v 2 ଦାନିୟେଲ କହିଲେ, “ମୁଁ ରାତ୍ରିକାଳରେ ଦର୍ଶନକ୍ରମେ ଦେଖିଲି ଯେ, ଦେଖ, ମହାସମୁଦ୍ର ଉପରେ ଆକାଶର ଚତୁର୍ଦ୍ଦିଗରୁ ବାୟୁ ପ୍ରଚଣ୍ଡ ରୂପେ ବହିଲା ।
\v 3 ପୁଣି, ଏକଆରେକଠାରୁ ଭିନ୍ନ ଚାରି ବୃହତ୍‍ ପଶୁ ସମୁଦ୍ରରୁ ଉଠି ଆସିଲେ ।
\s5
\v 4 ପ୍ରଥମ ପଶୁ ସିଂହ ତୁଲ୍ୟ ଓ ଉତ୍କ୍ରୋଶ ପକ୍ଷୀ ପରି ତାହାର ଡେଣା ଥିଲା; ମୁଁ ଦେଖୁ ଦେଖୁ ତାହାର ସେହି ଡେଣା ଉପୁଡ଼ା ଗଲା, ଆଉ ସେ ପୃଥିବୀରୁ ଉଠାଗଲା ଓ ମନୁଷ୍ୟ ପରି ଦୁଇ ଚରଣରେ ତାକୁ ଠିଆ କରାଗଲା, ପୁଣି ତାହାକୁ ମନୁଷ୍ୟର ଅନ୍ତଃକରଣ ଦିଆଗଲା ।
\v 5 ଏଥିଉତ୍ତାରେ ଦେଖ, ଆଉ ଗୋଟିଏ, ଅର୍ଥାତ୍‍, ଦ୍ୱିତୀୟ ପଶୁ ଭଲ୍ଲୁକର ସଦୃଶ ଥିଲା, ସେ ଏକ ପାର୍ଶ୍ୱରେ ଉଠାଗଲା ଓ ତାହାର ମୁଖରେ ଦନ୍ତ ମଧ୍ୟରେ ତିନି ଖଣ୍ଡ ପଞ୍ଜରା ଥିଲା; ଆଉ, ତାହାକୁ ଏହି କଥା କୁହାଗଲା, ‘ଉଠ, ଅନେକ ଲୋକଙ୍କୁ ଗ୍ରାସ କର ।’
\s5
\v 6 ଏଉତ୍ତାରେ ମୁଁ ଦେଖିଲି, ଦେଖ, ଚିତାବାଘ ସଦୃଶ ଆଉ ଗୋଟିଏ ପଶୁ, ତାହାର ପିଠିରେ ପକ୍ଷୀର ଚାରି ଡେଣା ଥିଲା; ମଧ୍ୟ ସେ ପଶୁର ଚାରି ମସ୍ତକ ଥିଲା ଆଉ, ତାହାକୁ କର୍ତ୍ତୃତ୍ୱ ଦିଆଗଲା ।
\v 7 ଏଥିଉତ୍ତାରେ ମୁଁ ରାତ୍ରିକାଳର ଦର୍ଶନରେ ଦେଖିଲି, ଦେଖ, ଚତୁର୍ଥ ପଶୁ, ସେ ଭୟଙ୍କର, କ୍ଷମତାପନ୍ନ ଓ ଅତିଶୟ ବଳବାନ ଓ ତାହାର ବଡ଼ ବଡ଼ ଲୌହମୟ ଦନ୍ତ ଥିଲା; ସେ ଗ୍ରାସ କଲା ଓ ଭାଙ୍ଗି ଚୂର୍ଣ୍ଣ କଲା ଓ ଅବଶିଷ୍ଟ ଯାହା ରହିଲା, ତାହା ପଦ ତଳେ ଦଳିତ କଲା; ଆଉ, ସେ ତାହାର ପୂର୍ବବର୍ତ୍ତୀ ସବୁ ପଶୁମାନଙ୍କଠାରୁ ଭିନ୍ନ; ପୁଣି ତାହାର ଦଶ ଶୃଙ୍ଗ ଥିଲା ।
\s5
\v 8 ମୁଁ ସେହି ଶୃଙ୍ଗମାନର ବିଷୟ ଭାବନା କରୁ କରୁ ଦେଖ, ସେହିସବୁର ମଧ୍ୟରେ ଆଉ ଗୋଟିଏ ଶୃଙ୍ଗ ଉଠିଲା, ତାହା କ୍ଷୁଦ୍ର, ତାହା ସମ୍ମୁଖରେ ପ୍ରଥମ ଶୃଙ୍ଗମାନର ମଧ୍ୟରୁ ତିନିଗୋଟି ଶୃଙ୍ଗ ସମୂଳେ ଉତ୍ପାଟିତ ହେଲା; ପୁଣି ଦେଖ, ଏହି ଶୃଙ୍ଗରେ ମନୁଷ୍ୟର ଚକ୍ଷୁ ତୁଲ୍ୟ ଚକ୍ଷୁ ଓ ଅହଙ୍କାର ବାକ୍ୟବାଦୀ ମୁଖ ଥିଲା ।
\s ଅନାଦିକାଳୀନ ଈଶ୍ୱରଙ୍କ ଦର୍ଶନ
\p
\s5
\v 9 ମୁଁ ଦେଖୁ ଦେଖୁ,
\q କେତେଗୋଟି ସିଂହାସନ ସ୍ଥାପିତ ହେଲା,
\q ପୁଣି ଅନେକ କାଳର ବୃଦ୍ଧ ଉପବିଷ୍ଟ ହେଲେ ।
\q ତାହାଙ୍କର ବସ୍ତ୍ର ହିମ ତୁଲ୍ୟ ଶୁକ୍ଳବର୍ଣ୍ଣ,
\q ଓ ତାହାଙ୍କର ମସ୍ତକର କେଶ ବିଶୁଦ୍ଧ ମେଷର ଲୋମ ତୁଲ୍ୟ ଥିଲା ।
\q ତାହାଙ୍କର ସିଂହାସନ ଅଗ୍ନିଶିଖାମୟ
\q ଓ ତହିଁର ଚକ୍ରସକଳ ଜ୍ୱଳନ୍ତ ଅଗ୍ନି ।
\p
\s5
\v 10 ତାହାଙ୍କ ସମ୍ମୁଖରୁ ଅଗ୍ନିସ୍ରୋତ ନିର୍ଗତ ହୋଇ ବହିଲା;
\q ସହସ୍ର ସହସ୍ର ତାହାଙ୍କର ପରିଚର୍ଯ୍ୟା କଲେ
\q ଓ ଅୟୁତ ଅୟୁତ ତାହାଙ୍କ ସମ୍ମୁଖରେ ଉଭା ହେଲେ ।
\q ବିଚାରସଭା ବସିଲା
\q ଓ ପୁସ୍ତକମାନ ଫିଟାଗଲା ।
\p
\s5
\v 11 ସେହି ଶୃଙ୍ଗର କଥିତ ଦର୍ପ-ବାକ୍ୟର ରବ ସକାଶୁ ସେହି ସମୟରେ ମୁଁ ଅନାଇଲି; ମୁଁ ଦେଖିଲି ଯେ, ଶେଷରେ ସେ ପଶୁ ହତ ହେଲା ଓ ତାହାର ଶରୀର ବିନଷ୍ଟ ହେଲା ଓ ସେ ଅଗ୍ନିରେ ଦଗ୍ଧ ହେବା ପାଇଁ ସମର୍ପିତ ହେଲା ।
\v 12 ପୁଣି, ଅନ୍ୟ ପଶୁମାନଙ୍କଠାରୁ ସେମାନଙ୍କର କର୍ତ୍ତୃତ୍ୱ ନିଆଗଲା; ତଥାପି ଏକ ନିର୍ଦ୍ଧିଷ୍ଟ ସମୟ ପର୍ଯ୍ୟନ୍ତ ସେମାନଙ୍କର ଆୟୁ ଦୀର୍ଘ କରାଗଲା ।
\p
\s5
\v 13 ମୁଁ ରାତ୍ରିକାଳର ଦର୍ଶନରେ ଦେଖିଲି, ଆଉ ଦେଖ,
\q ମନୁଷ୍ୟପୁତ୍ର ନ୍ୟାୟ ଏକ ପୁରୁଷ ଆକାଶର ମେଘରେ ଆସିଲେ;
\q ସେ ଅନେକ କାଳର ସେହି ବୃଦ୍ଧଙ୍କ ନିକଟରେ ଉପସ୍ଥିତ ହୁଅନ୍ତେ,
\q ସେମାନେ ତାହାଙ୍କ ଛାମୁକୁ ତାହାଙ୍କୁ ଆଣିଲେ ।
\q
\v 14 ପୁଣି, ସମୁଦାୟ ଗୋଷ୍ଠୀ, ଦେଶବାସୀ ଓ ଭାଷାବାଦୀମାନେ ଯେପରି ତାହାଙ୍କର ସେବା କରିବେ,
\q ଏଥିପାଇଁ ତାହାଙ୍କୁ କର୍ତ୍ତୃତ୍ୱ, ମହିମା ଓ ରାଜ୍ୟ ଦତ୍ତ ହେଲା;
\q ତାହାଙ୍କର କର୍ତ୍ତୃତ୍ୱ ଅନନ୍ତକାଳୀନ କର୍ତ୍ତୃତ୍ୱ, ତାହା ଲୁପ୍ତ ହେବ ନାହିଁ,
\q ଆଉ ତାହାଙ୍କର ରାଜ୍ୟ ଅବିନାଶ୍ୟ ।
\p
\s5
\v 15 ମୁଁ ଦାନିୟେଲ, ମୋର ଆତ୍ମା ମୋର ଶରୀର ମଧ୍ୟରେ ଶୋକାନ୍ୱିତ ହେଲା ଓ ମୋର ମାନସିକ ଦର୍ଶନ ମୋତେ ଉଦ୍‍ବିଗ୍ନ କଲା ।
\s ଦାନିୟେଲଙ୍କ ଦର୍ଶନର ଅର୍ଥ
\p
\v 16 ମୋର ନିକଟରେ ଯେଉଁମାନେ ଠିଆ ହୋଇଥିଲେ, ସେମାନଙ୍କ ମଧ୍ୟରୁ ଏକ ଜଣର ନିକଟକୁ ମୁଁ ଯାଇ ଏସବୁର ତଥ୍ୟ ପଚାରିଲି । ତହିଁରେ ସେ ମୋତେ ସେହିସବୁର ଅର୍ଥ ଜଣାଇ କହିଲେ ।
\s5
\v 17 ‘ସେହି ଚାରି ବୃହତ୍‍ ପଶୁ ଚାରି ରାଜା ଅଟନ୍ତି, ସେମାନେ ପୃଥିବୀରୁ ଉତ୍ପନ୍ନ ହେବେ ।
\v 18 ମାତ୍ର ସର୍ବୋପରିସ୍ଥଙ୍କର ପବିତ୍ରଗଣ ରାଜ୍ୟ ପ୍ରାପ୍ତ ହେବେ ଓ ଚିର କାଳ, ଅର୍ଥାତ୍‍, ଅନନ୍ତ କାଳ ପର୍ଯ୍ୟନ୍ତ ରାଜ୍ୟ ଭୋଗ କରିବେ ।’
\s5
\v 19 ସେତେବେଳେ ଯେଉଁ ଚତୁର୍ଥ ପଶୁ, ଯେ ଅନ୍ୟ ସକଳରୁ ଭିନ୍ନ, ଅତି ଭୟାନକ, ଯାହାର ଦନ୍ତ ଲୌହମୟ ଓ ନଖସବୁ ପିତ୍ତଳମୟ ଥିଲା, ଯେ ଗ୍ରାସ କଲା, ଭାଙ୍ଗି ଚୂର୍ଣ୍ଣ କଲା ଓ ଅବଶିଷ୍ଟସବୁକୁ ପଦ ତଳେ ଦଳିତ କଲା, ତାହାର ତଥ୍ୟ ଜାଣିବାକୁ ମୁଁ ଇଚ୍ଛା କଲି;
\v 20 ପୁଣି, ତାହାର ମସ୍ତକରେ ଯେଉଁ ଦଶ ଶୃଙ୍ଗ ଥିଲା ଓ ଅନ୍ୟ ଯେଉଁ ଶୃଙ୍ଗ ଉଠିଲା ଓ ଯାହା ସାକ୍ଷାତରେ ତିନି ଶୃଙ୍ଗ ପଡ଼ିଗଲା; ଅର୍ଥାତ୍‍, ସେ ଯେଉଁ ଶୃଙ୍ଗର ଚକ୍ଷୁ ଓ ଅହଙ୍କାର ବାକ୍ୟବାଦୀ ମୁଖ ଥିଲା, ଯାହାର ଆକାର ଆପଣା ସଙ୍ଗୀମାନଙ୍କ ଅପେକ୍ଷା ଦାମ୍ଭିକ ଥିଲା, ତାହାର ତଥ୍ୟ ଜାଣିବାକୁ ମୁଁ ଇଚ୍ଛା କଲି ।
\s5
\v 21 ମୁଁ ଦେଖିଲି, ଆଉ ସେହି ଶୃଙ୍ଗ ପବିତ୍ରଗଣଙ୍କ ସଙ୍ଗେ ଯୁଦ୍ଧ କଲା ଓ ସେମାନଙ୍କୁ ଜୟ କଲା;
\v 22 ଶେଷରେ ସେହି ଅନେକ କାଳର ବୃଦ୍ଧ ଆସିଲେ ଓ ସର୍ବୋପରିସ୍ଥଙ୍କର ପବିତ୍ରଗଣଙ୍କୁ ବିଚାର ଭାର ଦତ୍ତ ହେଲା ଓ ପବିତ୍ରଗଣଙ୍କର ରାଜ୍ୟ ଭୋଗ କରିବାର ସମୟ ଉପସ୍ଥିତ ହେଲା ।
\s5
\v 23 ସେ ଏହିରୂପେ କହିଲେ,
\q ଚତୁର୍ଥ ପଶୁ ପୃଥିବୀର ଚତୁର୍ଥ ରାଜ୍ୟ ହେବ,
\q ତାହା ଅନ୍ୟ ସକଳ ରାଜ୍ୟଠାରୁ ଭିନ୍ନ ହେବ
\q ଓ ସମୁଦାୟ ପୃଥିବୀକୁ ଗ୍ରାସ କରିବ,
\q ଆଉ ଦଳିତ କରି ଖଣ୍ଡ ଖଣ୍ଡ କରିବ ଓ
\q ତାହା ଭାଙ୍ଗି ପକାଇବ ।
\q
\v 24 ପୁଣି, ସେହି ଦଶ ଶୃଙ୍ଗର ତାତ୍ପର୍ଯ୍ୟ ଏହି ଯେ,
\q ସେହି ରାଜ୍ୟରୁ ଦଶ ରାଜା ଉତ୍ପନ୍ନ ହେବେ;
\q ସେମାନଙ୍କ ଉତ୍ତାରେ ଆଉ ଜଣେ ଉତ୍ପନ୍ନ ହେବ ।
\q ସେ ପୂର୍ବବର୍ତ୍ତୀମାନଙ୍କଠାରୁ ଭିନ୍ନ ହେବ
\q ଓ ସେ ତିନି ରାଜାଙ୍କୁ ଦମନ କରିବ ।
\p
\s5
\v 25 ପୁଣି, ସେ ସର୍ବୋପରିସ୍ଥଙ୍କ ବିରୁଦ୍ଧରେ କଥା କହିବ
\q ଓ ସର୍ବୋପରିସ୍ଥଙ୍କର ପବିତ୍ରଗଣଙ୍କୁ ଦମନ କରିବ;
\q ଆଉ, ସେ କାଳ ଓ ବ୍ୟବସ୍ଥାର ପରିବର୍ତ୍ତନ କରିବାକୁ ବିଚାର କରିବ;
\q ପୁଣି, ଏକ କାଳ, (ଦୁଇ) ପବିତ୍ର ପର୍ବ ଓ ଅର୍ଦ୍ଧ ପବିତ୍ର ପର୍ବ ପର୍ଯ୍ୟନ୍ତ
\q ସେମାନେ ତାହା ହସ୍ତରେ ସମର୍ପିତ ହେବେ ।
\q
\v 26 ମାତ୍ର ବିଚାର-ସଭା ବସିବ
\q ଓ ସେମାନେ ଶେଷ ପର୍ଯ୍ୟନ୍ତ ତାହାର କର୍ତ୍ତୃତ୍ୱର
\q କ୍ଷୟ ଓ ବିନାଶ କରିବା ପାଇଁ ତାହାଠାରୁ ତାହା ନେବେ ।
\p
\s5
\v 27 ଆଉ, ଶାସନ କାଳ ଓ କର୍ତ୍ତୃତ୍ୱ
\q ଓ ଆକାଶମଣ୍ଡଳର ଅଧଃସ୍ଥିତ ରାଜ୍ୟସମୂହର ମହିମା,
\q ସର୍ବୋପରିସ୍ଥଙ୍କର ପବିତ୍ର ଲୋକମାନଙ୍କୁ ଦତ୍ତ ହେବ;
\q ତାହାଙ୍କର ରାଜ୍ୟ ଅନନ୍ତ-କାଳୀନ
\q ରାଜ୍ୟ ଓ ଯାବତୀୟ ଶାସନକର୍ତ୍ତା ତାହାଙ୍କର ସେବା କରିବେ ଓ ତାହାଙ୍କର ଆଜ୍ଞାବହ ହେବେ ।
\p
\v 28 ଏଠାରେ ବୃତ୍ତାନ୍ତର ଶେଷ ମୁଁ ଦାନିୟେଲ, ମୋର ଭାବନା ମୋତେ ଉଦ୍‍ବିଗ୍ନ କଲା ଓ ମୋର ମୁଖ ବିବର୍ଣ୍ଣ ହେଲା, ମାତ୍ର ମୁଁ ସେ କଥା ଆପଣା ମନରେ ରଖିଲି ।”
\s5
\c 8
\s ଦାନିୟେଲଙ୍କ ଦର୍ଶନ - ମେଷ ଓ ଛାଗ
\p
\v 1 ବେଲ୍‍ଶତ୍ସର ରାଜାର ରାଜତ୍ଵର ତୃତୀୟ ବର୍ଷରେ ମୁଁ ଦାନିୟେଲ ପ୍ରଥମ ଦର୍ଶନର ଉତ୍ତାରେ ଆଉ ଏକ ଦର୍ଶନ ପାଇଲି ।
\v 2 ପୁଣି, ମୁଁ ଦର୍ଶନ କ୍ରମେ ଦେଖିଲି; ମୁଁ ଦେଖୁ ଦେଖୁ ଦେଖିଲି ଯେ, ମୁଁ ଏଲମ ପ୍ରଦେଶସ୍ଥ ଶୂଶନ ରାଜଗୃହରେ ଅଛି; ଆଉ, ସେହି ଦର୍ଶନରେ ମୁଁ ଦେଖିଲି ଯେ, ମୁଁ ଉଳୟ ନଦୀ ନିକଟରେ ଅଛି ।
\s5
\v 3 ତହିଁରେ ମୁଁ ଚକ୍ଷୁ ଖୋଲି ଦେଖିଲି ଯେ, ଦେଖ, ନଦୀ ସମ୍ମୁଖରେ ଏକ ମେଷ ଠିଆ ହୋଇଅଛି, ତାହାର ଦୁଇ ଶୃଙ୍ଗ ଓ ସେହି ଦୁଇ ଶୃଙ୍ଗ ଉଚ୍ଚ; ମାତ୍ର ଏକ ଶୃଙ୍ଗ ଅନ୍ୟ ଅପେକ୍ଷା ଉଚ୍ଚ ଓ ଯାହା ଉଚ୍ଚ, ତାହା ପଶ୍ଚାତ୍‍ ଉତ୍ପନ୍ନ ହେଲା ।
\v 4 ମୁଁ ସେହି ମେଷକୁ ପଶ୍ଚିମ, ଉତ୍ତର ଓ ଦକ୍ଷିଣ ଦିଗକୁ ପେଲି ମାଡ଼ିବାର ଦେଖିଲି; ଆଉ, କୌଣସି ପଶୁ ତାହା ସମ୍ମୁଖରେ ଠିଆ ହୋଇ ପାରିଲେ ନାହିଁ, କିଅବା ତାହାର ହସ୍ତରୁ ଉଦ୍ଧାର କରିବାକୁ କେହି ନ ଥିଲା; ମାତ୍ର ସେ ସ୍ଵେଚ୍ଛାମତ କର୍ମ କରି ଆପଣାର ଇଛା ପ୍ରକାଶ କଲା ।
\s5
\v 5 ପୁଣି, ମୁଁ ଏହି ବିଷୟ ବିବେଚନା କରୁ କରୁ ଦେଖିଲି ଯେ, ଦେଖ, ଏକ ଛାଗ ପଶ୍ଚିମ ଦିଗରୁ ସମୁଦାୟ ପୃଥିବୀ ପାର ହୋଇ ଆସିଲା ଓ ସେ ଭୂମି ସ୍ପର୍ଶ କଲା ନାହିଁ; ଆଉ, ସେହି ଛାଗର ଦୁଇ ଚକ୍ଷୁ ମଧ୍ୟରେ ଗୋଟିଏ ବିଲକ୍ଷଣ ଶୃଙ୍ଗ ଥିଲା ।
\v 6 ଆଉ, ମୁଁ ଯେଉଁ ଦୁଇ ଶୃଙ୍ଗବିଶିଷ୍ଟ ମେଷକୁ ନଦୀ ସମ୍ମୁଖରେ ଠିଆ ହେବାର ଦେଖିଲି, ତାହା ଆଡ଼କୁ ସେ ଆସି ଆପଣା ବଳର ପ୍ରଚଣ୍ଡତାରେ ତାହା ଉପରକୁ ଧାଇଁଲା ।
\s5
\v 7 ପୁଣି, ମୁଁ ଦେଖିଲି ଯେ, ସେ ସେହି ମେଷ ନିକଟକୁ ଆସିଲା ଓ ତାହା ଉପରେ ପ୍ରଚଣ୍ଡ କ୍ରୋଧରେ ଉତ୍ତେଜିତ ହୋଇ ସେହି ମେଷକୁ ଆଘାତ କଲା ଓ ତାହାର ଦୁଇ ଶୃଙ୍ଗ ଭାଙ୍ଗି ପକାଇଲା ଓ ତାହା ସମ୍ମୁଖରେ ଠିଆ ହେବା ପାଇଁ ସେହି ମେଷର ଆଉ ଶକ୍ତି ରହିଲା ନାହିଁ; ମାତ୍ର ସେ ଛାଗ ତାହାକୁ ଭୂମିରେ ପକାଇ ପଦରେ ଦଳିଲା, ଆଉ ତାହାର ହସ୍ତରୁ ସେହି ମେଷକୁ ଉଦ୍ଧାର କରିବା ପାଇଁ କେହି ନ ଥିଲା ।
\v 8 ଏଉତ୍ତାରେ ସେ ଛାଗ ଆପଣାର ଅତିଶୟ ବଡ଼ାଇ ପ୍ରକାଶ କଲା ଓ ସେ ବଳବାନ ଥିଲା ବେଳେ ତାହାର ବୃହତ୍‍ ଶୃଙ୍ଗ ଭଗ୍ନ ହେଲା; ଆଉ, ତହିଁର ପରିବର୍ତ୍ତରେ ଆକାଶର ଚତୁର୍ଦ୍ଦିଗ ଆଡ଼େ ଚାରି ବିଲକ୍ଷଣ ଶୃଙ୍ଗ ଉତ୍ପନ୍ନ ହେଲା ।
\s5
\v 9 ପୁଣି, ସେହି ଶୃଙ୍ଗମାନର ଗୋଟିକର ମଧ୍ୟରୁ ଗୋଟିଏ କ୍ଷୁଦ୍ର ଶୃଙ୍ଗ ଉତ୍ପନ୍ନ ହୋଇ ଦକ୍ଷିଣ ଓ ପୂର୍ବ ରମ୍ୟ (ଇସ୍ରାଏଲ) ଦେଶ ଆଡ଼େ ଅତିଶୟ ବୃଦ୍ଧି ପାଇଲା ।
\v 10 ଆଉ, ତାହା ଆକାଶମଣ୍ଡଳର ବାହିନୀ ପର୍ଯ୍ୟନ୍ତ ହିଁ ବୃଦ୍ଧି ପାଇଲା ଓ ସେହି ବାହିନୀ ଓ ତାରାଗଣର କେତେକଙ୍କୁ ଭୂମିରେ ପକାଇ ସେମାନଙ୍କୁ ପଦ ତଳେ ଦଳିଲା ।
\s5
\v 11 ହଁ, ସେହି ବାହିନୀଗଣର ଅଧିପତି ବିରୁଦ୍ଧରେ ଆପଣାର ବଡ଼ାଇ କରି ତାହାଙ୍କଠାରୁ ନିତ୍ୟ ହୋମାର୍ଥକ ବଳି ଅପହରଣ କଲା ଓ ତାହାଙ୍କ ଧର୍ମଧାମ ନିପାତିତ ହେଲା ।
\v 12 ପୁଣି, ଆଜ୍ଞା ଲଙ୍ଘନ ସକାଶୁ ନିତ୍ୟ ହୋମବଳି ସହିତ ବାହିନୀ ତାହା ହସ୍ତରେ ସମର୍ପିତ ହେଲା ଓ ସେ ସତ୍ୟତାକୁ ଭୂମିରେ ନିପାତ କଲା, ଆଉ ସ୍ଵେଚ୍ଛାମତ କର୍ମ କରି ସଫଳତା ଲାଭ କଲା ।
\s5
\v 13 ଏଉତ୍ତାରେ ମୁଁ ଏକ ପବିତ୍ର ବ୍ୟକ୍ତି କଥା କହିବାର ଶୁଣିଲି; ଆଉ, ଯେ କଥା କହିଲେ, ତାଙ୍କୁ ଅନ୍ୟ ଏକ ପବିତ୍ର ବ୍ୟକ୍ତି ପଚାରିଲେ, ନିତ୍ୟ ହୋମବଳି ଓ ଧ୍ୱଂସକାରୀ ଆଜ୍ଞା ଲଙ୍ଘନ ଓ ଦଳିତ ହେବା ନିମନ୍ତେ ଧର୍ମଧାମର ଓ ବାହିନୀର ସମର୍ପଣ ହେବା ବିଷୟକ ଯେଉଁ ଦର୍ଶନ, ତାହା କେତେ କାଳ ପର୍ଯ୍ୟନ୍ତ ହେବ ?
\v 14 ତହିଁରେ ସେ ମୋତେ କହିଲେ, ଦୁଇ ହଜାର ତିନି ଶହ ସନ୍ଧ୍ୟା ଓ ପ୍ରାତଃକାଳ ପର୍ଯ୍ୟନ୍ତ; ତହିଁ ଉତ୍ତାରେ ଧର୍ମଧାମ ପରିଷ୍କୃତ ହେବ ।
\s ସ୍ୱପ୍ନର ଅର୍ଥ ପ୍ରକାଶ
\p
\s5
\v 15 ଏଥିଉତ୍ତାରେ ମୁଁ ଦାନିୟେଲ ଏହି ଦର୍ଶନ ପାଇଲା ଉତ୍ତାରେ ତାହା ବୁଝିବା ପାଇଁ ଚେଷ୍ଟା କଲି; ଆଉ ଦେଖ, ମନୁଷ୍ୟାକୃତି ଏକ ବ୍ୟକ୍ତି ସମ୍ମୁଖରେ ଠିଆ ହେଲେ ।
\v 16 ପୁଣି, ଉଳୟ ନଦୀ ମଧ୍ୟରୁ ମୁଁ ମନୁଷ୍ୟର ରବ ଶୁଣିଲି, ସେ ଡାକି କହିଲେ, ହେ ଗାବ୍ରିଏଲ, ଏହି ମନୁଷ୍ୟକୁ ଦର୍ଶନର ତାତ୍ପର୍ଯ୍ୟ ବୁଝାଇ ଦିଅ ।
\v 17 ତହିଁରେ ମୁଁ ଯେଉଁ ସ୍ଥାନରେ ଠିଆ ହୋଇଥିଲି, ସେହି ସ୍ଥାନର ନିକଟକୁ ସେ ଆସିଲେ; ପୁଣି, ସେ ଆସନ୍ତେ, ମୁଁ ଭୀତ ହେଲି ଓ ମୁହଁ ମାଡ଼ି ପଡ଼ିଲି; ମାତ୍ର ସେ ମୋତେ କହିଲେ, ହେ ମନୁଷ୍ୟ ସନ୍ତାନ, ବୁଝ; କାରଣ ଏହି ଦର୍ଶନ ଶେଷ କାଳ ବିଷୟକ ।
\s5
\v 18 ସେ ମୋତେ କଥା କହୁ କହୁ ମୁଁ ଭୂମି ଆଡ଼େ ମୁଖ କରି ଘୋର ନିଦ୍ରାଗ୍ରସ୍ତ ହେଲି; ମାତ୍ର ସେ ସ୍ପର୍ଶ କରି ମୋତେ ଠିଆ କରାଇଲେ ।
\v 19 ଆଉ, ସେ ମୋତେ କହିଲେ, ଦେଖ, କ୍ରୋଧର ପରିଣାମ ସମୟରେ ଯାହା ଘଟିବ, ତାହା ଆମ୍ଭେ ତୁମ୍ଭକୁ ଜଣାଇବା; କାରଣ ଏହା ନିରୂପିତ ଶେଷ କାଳର କଥା ।
\s5
\v 20 ତୁମ୍ଭେ ଯେଉଁ ମେଷ ଦେଖିଲ, ତାହାର ଦୁଇ ଶୃଙ୍ଗ ମାଦୀୟ ଓ ପାରସିକ ରାଜା ।
\v 21 ପୁଣି, ସେ ଲୋମଶ ଛାଗ ଯବନ ଦେଶର ରାଜା ଓ ତାହାର ଦୁଇ ଚକ୍ଷୁର ମଧ୍ୟ ସ୍ଥାନରେ ଥିବାର ବୃହତ୍‍ ଶୃଙ୍ଗ ପ୍ରଥମ ରାଜା ।
\s5
\v 22 ଆଉ, ଯେଉଁ ଶୃଙ୍ଗ ଭଗ୍ନ ହୋଇ ତହିଁର ସ୍ଥାନରେ ଯେ ଚାରି ଶୃଙ୍ଗ ଉତ୍ପନ୍ନ ହେଲା, ଏଥିରେ ସେହି ଦେଶୀୟମାନଙ୍କ ମଧ୍ୟରୁ ଚାରି ରାଜ୍ୟ ଉତ୍ପନ୍ନ ହେବାର ଜାଣିବ, ମାତ୍ର ପରାକ୍ରମରେ ତାହାର ତୁଲ୍ୟ ନୋହିବ ।
\v 23 ପୁଣି, ସେମାନଙ୍କ ରାଜ୍ୟର ପରିଣାମ ସମୟରେ ଯେତେବେଳେ ଆଜ୍ଞା ଲଙ୍ଘନକାରୀମାନଙ୍କର ଆଜ୍ଞା ଲଙ୍ଘନ ସମ୍ପୂର୍ଣ୍ଣ ହେବ, ସେତେବେଳେ ଭୟଙ୍କର ବଦନ ଓ ନିଗୂଢ଼ ବାକ୍ୟ-ଜ୍ଞାନୀ ଏକ ରାଜା ଉତ୍ପନ୍ନ ହେବ ।
\s5
\v 24 ସେ ବଳରେ ପରାକ୍ରାନ୍ତ ହେବ, ମାତ୍ର ତାହାର ନିଜ ବଳରେ ନୁହେଁ; ଆଉ, ସେ ଆଶ୍ଚର୍ଯ୍ୟ ରୂପେ ବିନାଶ କରିବ ଓ ସମୃଦ୍ଧ ହୋଇ ସ୍ଵେଚ୍ଛାମତ କାର୍ଯ୍ୟ କରିବ; ଆଉ, ସେ ପରାକ୍ରମୀଗଣକୁ ଓ ପବିତ୍ର ଲୋକମାନଙ୍କୁ ବିନାଶ କରିବ ।
\v 25 ପୁଣି, ଆପଣା କୌଶଳ ଦ୍ୱାରା ତାହାର ହସ୍ତରେ ଛଳ ସଫଳ ହେବ ଓ ସେ ଆପଣା ଅନ୍ତଃକରଣରେ ନିଜକୁ ବଡ଼ାଇ କରିବ ଓ ସେମାନଙ୍କ ନିରାପଦ କାଳରେ ଅନେକଙ୍କୁ ବିନାଶ କରିବ; ଆହୁରି, ସେ ଅଧିପତିଗଣର ଅଧିପତିଙ୍କ ପ୍ରତିକୂଳରେ ଠିଆ ହେବ; ମାତ୍ର ସେ ବିନା ହସ୍ତରେ ଭଗ୍ନ ହେବ ।
\s5
\v 26 ଆଉ, ସନ୍ଧ୍ୟା ଓ ପ୍ରାତଃକାଳ ବିଷୟରେ କଥିତ ଦର୍ଶନ ସତ୍ୟ; ମାତ୍ର ତୁମ୍ଭେ ଏହି ଦର୍ଶନ ମୁଦ୍ରାଙ୍କିତ କର; କାରଣ ତାହା ଆଗାମୀ ଅନେକ ଦିନର କଥା ।
\s5
\v 27 ଏଥିଉତ୍ତାରେ ମୁଁ ଦାନିୟେଲ କ୍ଳାନ୍ତ ହେଲି ଓ ଅନେକ ଦିନ ପର୍ଯ୍ୟନ୍ତ ପୀଡ଼ିତ ହେଲି; ତହିଁ ଉତ୍ତାରେ ମୁଁ ଉଠି ରାଜକାର୍ଯ୍ୟ କଲି; ଆଉ, ମୁଁ ସେହି ଦର୍ଶନରେ ଚମତ୍କୃତ ହେଲି, ମାତ୍ର କେହି ସେ ଦର୍ଶନ ବୁଝିଲେ ନାହିଁ ।
\s5
\c 9
\s ଆପଣା ଲୋକଙ୍କ ନିମନ୍ତେ ଦାନିୟେଲଙ୍କ ପ୍ରାର୍ଥନା
\p
\v 1 ମାଦୀୟ ବଂଶଜାତ ଅକ୍ଷଶ୍ୱେରସର ପୁତ୍ର ଯେ ଦାରୀୟାବସ କଲ୍‍ଦୀୟ ରାଜ୍ୟ ଉପରେ ରାଜା ନିଯୁକ୍ତ ହୋଇଥିଲା, ତାହାର ପ୍ରଥମ ବର୍ଷରେ ।
\v 2 ତାହାର ଶାସନ କାଳର ପ୍ରଥମ ବର୍ଷରେ ମୁଁ, ଦାନିୟେଲ, ଶାସ୍ତ୍ର ଦ୍ୱାରା ବର୍ଷର ସଂଖ୍ୟା, ଅର୍ଥାତ୍‍, ଯିରୂଶାଲମର ଉଚ୍ଛିନ୍ନତାର ସମୟ ସତୁରି ବର୍ଷ ହେବା ବିଷୟରେ ସଦାପ୍ରଭୁଙ୍କର ଯେଉଁ ବାକ୍ୟ ଯିରିମୀୟ ଭବିଷ୍ୟଦ୍‍ବକ୍ତାଙ୍କର ନିକଟରେ ଉପସ୍ଥିତ ହୋଇଥିଲା, ତାହା ମୁଁ ବୁଝିଲି ।
\s5
\v 3 ଏଣୁ ମୁଁ ଉପବାସ, ଚଟ ପରିଧାନ ଓ ଭସ୍ମ ଲେପନ କରି ପ୍ରାର୍ଥନା ଓ ବିନତି ଦ୍ୱାରା ପ୍ରଭୁ ପରମେଶ୍ୱରଙ୍କର ଅନ୍ଵେଷଣ କରିବା ପାଇଁ ତାହାଙ୍କ ପ୍ରତି ଦୃଷ୍ଟି କଲି ।
\v 4 ପୁଣି, ମୁଁ ସଦାପ୍ରଭୁ ମୋର ପରମେଶ୍ୱରଙ୍କ ନିକଟରେ ପ୍ରାର୍ଥନା କଲି ଓ ପାପ ସ୍ୱୀକାର କରି କହିଲି, ହେ ପ୍ରଭୁ, ତୁମ୍ଭେ ମହାନ ଓ ଭୟାନକ ପରମେଶ୍ୱର, ଯେଉଁମାନେ ତୁମ୍ଭଙ୍କୁ ପ୍ରେମ କରନ୍ତି ଓ ତୁମ୍ଭର ଆଜ୍ଞା ପାଳନ କରନ୍ତି, ତୁମ୍ଭେ ସେମାନଙ୍କ ପ୍ରତି ନିୟମ ଓ ଦୟା ରକ୍ଷା କରିଥାଅ ।
\s5
\v 5 ଆମ୍ଭେମାନେ ପାପ ଓ କୁଟିଳାଚରଣ କରିଅଛୁ ଓ ଦୁଷ୍କର୍ମ କରି ବିଦ୍ରୋହୀ ହୋଇଅଛୁ, ଆଉ ତୁମ୍ଭର ବିଧି ଓ ଶାସନର ପଥ ତ୍ୟାଗ କରିଅଛୁ ।
\v 6 ପୁଣି, ତୁମ୍ଭର ଯେଉଁ ଦାସ ଭବିଷ୍ୟଦ୍‍ବକ୍ତାଗଣ ଆମ୍ଭମାନଙ୍କର ରାଜାଗଣକୁ, ଆମ୍ଭମାନଙ୍କର ଅଧିପତିଗଣକୁ ଓ ଆମ୍ଭମାନଙ୍କର ପିତୃପୁରୁଷଗଣକୁ ଓ ଦେଶସ୍ଥ ଲୋକସମୂହକୁ ତୁମ୍ଭ ନାମରେ କଥା କହିଲେ, ସେମାନଙ୍କ ପ୍ରତି ଆମ୍ଭେମାନେ କର୍ଣ୍ଣପାତ କରି ନାହୁଁ ।
\s5
\v 7 ହେ ପ୍ରଭୁ ଧାର୍ମିକତା ତୁମ୍ଭର ଅଟେ, ମାତ୍ର ଆଜିକାର ନ୍ୟାୟ ମୁଖର ବିବର୍ଣ୍ଣତା ଆମ୍ଭମାନଙ୍କର; ତୁମ୍ଭ ବିରୁଦ୍ଧରେ କୃତ ସତ୍ୟ ଲଙ୍ଘନ ସକାଶୁ ଯିହୁଦାର ଲୋକ ଓ ଯିରୂଶାଲମ ନିବାସୀଗଣ ଓ ତୁମ୍ଭ ଦ୍ୱାରା ତାଡ଼ିତ ସକଳ ଦେଶସ୍ଥ ନିକଟବର୍ତ୍ତୀ ଓ ଦୂରବର୍ତ୍ତୀ ସମସ୍ତ ଇସ୍ରାଏଲ ଲୋକ (ବିବର୍ଣ୍ଣତାର ପାତ୍ର) ।
\v 8 ହେ ପ୍ରଭୁ, ମୁଖର ବିବର୍ଣ୍ଣତା ଆମ୍ଭମାନଙ୍କର, ଆମ୍ଭମାନଙ୍କ ରାଜାଗଣର, ଆମ୍ଭମାନଙ୍କ ଅଧିପତିଗଣର ଓ ଆମ୍ଭମାନଙ୍କ ପିତୃପୁରୁଷଗଣର ଅଟେ, କାରଣ ଆମ୍ଭେମାନେ ତୁମ୍ଭ ବିରୁଦ୍ଧରେ ପାପ କରିଅଛୁ ।
\s5
\v 9 ବିବିଧ ଦୟା ଓ କ୍ଷମା ଆମ୍ଭମାନଙ୍କ ପ୍ରଭୁ ପରମେଶ୍ୱରଙ୍କର ଅଟେ; କାରଣ ଆମ୍ଭେମାନେ ତାହାଙ୍କ ବିରୁଦ୍ଧରେ ବିଦ୍ରୋହାଚରଣ କରିଅଛୁ
\v 10 ଓ ସେ ଆପଣା ଭବିଷ୍ୟଦ୍‍ବକ୍ତାଗଣ ଦ୍ୱାରା ଆପଣାର ଯେଉଁ ବ୍ୟବସ୍ଥାସକଳ ଆମ୍ଭମାନଙ୍କ ସମ୍ମୁଖରେ ରଖିଲେ, ତଦନୁସାରେ ଆଚରଣ କରିବା ପାଇଁ ଆମ୍ଭେମାନେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ରବରେ ମନୋଯୋଗ କରି ନାହୁଁ ।
\v 11 ହଁ, ସମୁଦାୟ ଇସ୍ରାଏଲ ତୁମ୍ଭର ବ୍ୟବସ୍ଥା ଲଙ୍ଘନ କରିଅଛନ୍ତି, ତୁମ୍ଭର ରବରେ ଯେପରି ସେମାନେ ମନୋଯୋଗ ନ କରିବେ, ଏଥିପାଇଁ ସେମାନେ ବିପଥଗାମୀ ହୋଇଅଛନ୍ତି, ଏହି କାରଣରୁ ଅଭିଶାପ ଓ ପରମେଶ୍ୱରଙ୍କ ସେବକ ମୋଶାଙ୍କ ବ୍ୟବସ୍ଥାରେ ଲିଖିତ ଶପଥ ଆମ୍ଭମାନଙ୍କ ଉପରେ ଢଳା ଯାଇଅଛି; କାରଣ ଆମ୍ଭେମାନେ ତାହାଙ୍କ ବିରୁଦ୍ଧରେ ପାପ କରିଅଛୁ ।
\s5
\v 12 ପୁଣି, ସେ ଆମ୍ଭମାନଙ୍କ ଉପରେ ମହା ଅମଙ୍ଗଳ ଘଟାଇବା ଦ୍ୱାରା ଆମ୍ଭମାନଙ୍କ ବିରୁଦ୍ଧରେ ଓ ଯେଉଁ ବିଚାରକର୍ତ୍ତାଗଣ ଆମ୍ଭମାନଙ୍କର ବିଚାର କଲେ, ସେମାନଙ୍କ ବିରୁଦ୍ଧରେ ଯାହା କହିଥିଲେ, ଆପଣାର ସେହି ବାକ୍ୟ ସେ ସଫଳ କରିଅଛନ୍ତି; କାରଣ ଯିରୂଶାଲମ ପ୍ରତି ଯାହା କରା ଯାଇଅଛି, ସମୁଦାୟ ଆକାଶମଣ୍ଡଳ ତଳେ ସେପରି କରାଯାଇ ନାହିଁ ।
\v 13 ମୋଶାଙ୍କ ବ୍ୟବସ୍ଥାର ଲିଖନାନୁସାରେ ଏହିସବୁ ଅମଙ୍ଗଳ ଆମ୍ଭମାନଙ୍କ ପ୍ରତି ଘଟିଅଛି; ତଥାପି ଆମ୍ଭେମାନେ ଆପଣା ଆପଣା ଅଧର୍ମରୁ ଫେରିବା ପାଇଁ ଓ ତୁମ୍ଭର ସତ୍ୟତା ବୁଝିବା ପାଇଁ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ନିକଟରେ ବିନତି କରି ନାହୁଁ ।
\v 14 ଏନିମନ୍ତେ ସଦାପ୍ରଭୁ ଅମଙ୍ଗଳାର୍ଥେ ଜାଗ୍ରତ ହୋଇ ଆମ୍ଭମାନଙ୍କ ପ୍ରତି ତାହା ଘଟାଇ ଅଛନ୍ତି; କାରଣ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ଯାହା ଯାହା କରନ୍ତି, ଆପଣାର ସେହି ସକଳ କାର୍ଯ୍ୟରେ ସେ ଧାର୍ମିକ ଅଟନ୍ତି, ମାତ୍ର ଆମ୍ଭେମାନେ ତାହାଙ୍କ ରବରେ ମନୋଯୋଗ କରି ନାହୁଁ ।
\s5
\v 15 ଏଣୁ ଏବେ ହେ ପ୍ରଭୁ, ଆମ୍ଭମାନଙ୍କ ପରମେଶ୍ୱର, ତୁମ୍ଭେ ବଳବାନ ହସ୍ତ ଦ୍ୱାରା ମିସର ଦେଶରୁ ଆପଣା ଲୋକମାନଙ୍କୁ ବାହାର କରି ଆଣି ଆଜିକାର ନ୍ୟାୟ କୀର୍ତ୍ତି ଲାଭ କରିଅଛ; ଆମ୍ଭେମାନେ ପାପ କରିଅଛୁ, ଆମ୍ଭେମାନେ ଦୁଷ୍କର୍ମ କରିଅଛୁ ।
\v 16 ହେ ପ୍ରଭୁ, ବିନୟ କରେ, ତୁମ୍ଭର ସମସ୍ତ ଧାର୍ମିକତାନୁସାରେ, ତୁମ୍ଭର ନଗର ଯିରୂଶାଲମ, ତୁମ୍ଭର ପବିତ୍ର ପର୍ବତ ପ୍ରତି ତୁମ୍ଭର କ୍ରୋଧ ଓ କୋପ ନିବୃତ୍ତ ହେଉ; କାରଣ ଆମ୍ଭମାନଙ୍କର ପାପ ଓ ଆମ୍ଭମାନଙ୍କର ପିତୃପୁରୁଷଗଣର ଅଧର୍ମ ସକାଶୁ ଯିରୂଶାଲମ ଓ ତୁମ୍ଭର ଲୋକମାନେ ଆମ୍ଭମାନଙ୍କ ଚତୁର୍ଦ୍ଦିଗସ୍ଥିତ ଲୋକଙ୍କର ନିନ୍ଦାର ପାତ୍ର ହୋଇଅଛନ୍ତି ।
\s5
\v 17 ଏହେତୁ ହେ ଆମ୍ଭମାନଙ୍କର ପରମେଶ୍ୱର, ଏବେ ତୁମ୍ଭ ଦାସର ପ୍ରାର୍ଥନା ଓ ବିନତିରେ କର୍ଣ୍ଣପାତ କର ଓ ତୁମ୍ଭର ଏହି ଯେଉଁ ଧର୍ମଧାମ ଧ୍ୱଂସିତ ହୋଇଅଛି, ତହିଁ ପ୍ରତି ପ୍ରଭୁଙ୍କ ସକାଶେ ଆପଣା ମୁଖ ପ୍ରସନ୍ନ କର ।
\v 18 ହେ ମୋର ପରମେଶ୍ୱର, କର୍ଣ୍ଣ ଡେରି ଶୁଣ; ଆପଣା ଚକ୍ଷୁ ମେଲି ଆମ୍ଭମାନଙ୍କର ଉଚ୍ଛିନ୍ନତା ପ୍ରତି ଓ ତୁମ୍ଭ ନାମରେ ଖ୍ୟାତ ଏହି ନଗର ପ୍ରତି ଦୃଷ୍ଟିପାତ କର; କାରଣ ଆମ୍ଭେମାନେ ନିଜ ଧାର୍ମିକତା ସକାଶୁ ନୁହେଁ, ମାତ୍ର ତୁମ୍ଭର ମହାଦୟା ସକାଶୁ ତୁମ୍ଭ ଛାମୁରେ ଆମ୍ଭମାନଙ୍କର ନିବେଦନ ଉତ୍ସର୍ଗ କରୁଅଛୁ ।
\v 19 ହେ ପ୍ରଭୁ, ଶୁଣ; ହେ ପ୍ରଭୁ, କ୍ଷମା କର; ହେ ପ୍ରଭୁ, ମନୋଯୋଗ କରି କର୍ମ କର; ବିଳମ୍ବ ନ କର; ହେ ମୋ'ର ପରମେଶ୍ୱର, ନିଜ ସକାଶେ କର୍ମ କର, କାରଣ ତୁମ୍ଭର ନଗର ଓ ତୁମ୍ଭର ଲୋକମାନେ ତୁମ୍ଭ ନାମରେ ଖ୍ୟାତ ଅଟନ୍ତି ।
\s ଗାବ୍ରିଏଲଙ୍କ ସମ୍ବାଦ
\p
\s5
\v 20 ଏହିରୂପେ ମୁଁ ନିବେଦନ ଓ ପ୍ରାର୍ଥନା କରୁଥିଲି, ପୁଣି ମୋ'ର ପାପ ଓ ମୋ'ର ଇସ୍ରାଏଲ ଲୋକଙ୍କର ପାପ ସ୍ୱୀକାର କରୁଥିଲି, ଆଉ ମୋ' ପରମେଶ୍ୱରଙ୍କ ପବିତ୍ର ପର୍ବତ ନିମନ୍ତେ ସଦାପ୍ରଭୁ ମୋ' ପରମେଶ୍ୱରଙ୍କ ଛାମୁରେ ଆପଣା ନିବେଦନ ଉତ୍ସର୍ଗ କରୁଥିଲି;
\v 21 ଏପରି ମୁଁ ପ୍ରାର୍ଥନା କରି କଥା କହୁ କହୁ ଆଦ୍ୟରେ ଦର୍ଶନରେ ମୁଁ ଯାହାଙ୍କୁ ଦେଖିଥିଲି, ସେହି ପୁରୁଷ ଗାବ୍ରିଏଲ ଶୀଘ୍ର ଉଡ଼ିବା ପାଇଁ ଆଦେଶପ୍ରାପ୍ତ ହୋଇ ପ୍ରାୟ ସନ୍ଧ୍ୟାକାଳୀନ ନୈବେଦ୍ୟ ସମୟରେ ଆସି ମୋତେ ସ୍ପର୍ଶ କଲେ ।
\s5
\v 22 ପୁଣି, ସେ ମୋତେ ଶିକ୍ଷା ଦେଲେ ଓ ମୋ' ସଙ୍ଗେ କଥାବାର୍ତ୍ତା କରି କହିଲେ, ହେ ଦାନିୟେଲ, ମୁଁ ଏବେ ତୁମ୍ଭକୁ ବୁଦ୍ଧିର କୌଶଳ ଦେବାକୁ ଆସିଲି ।
\v 23 ତୁମ୍ଭର ବିନତିର ଆରମ୍ଭ ସମୟରେ ଆଜ୍ଞା ନିର୍ଗତ ହେଲା, ଆଉ ତୁମ୍ଭକୁ ଜଣାଇବା ପାଇଁ ମୁଁ ଆସିଅଛି, କାରଣ ତୁମ୍ଭେ ଅତ୍ୟନ୍ତ ପ୍ରିୟପାତ୍ର; ଏଥିପାଇଁ ଏ ବିଷୟ ବିବେଚନା କର ଓ ଦର୍ଶନ ବୁଝ ।
\s5
\v 24 ଆଜ୍ଞା ଲଙ୍ଘନ ସମାପ୍ତ କରିବାକୁ ଓ ପାପର ଶେଷ କରିବାକୁ ଓ ଅଧର୍ମର ପ୍ରାୟଶ୍ଚିତ୍ତ କରିବାକୁ, ଆଉ ଅନନ୍ତକାଳସ୍ଥାୟୀ ଧର୍ମ ଆଣିବାକୁ, ପୁଣି ଦର୍ଶନ ଓ ଭବିଷ୍ୟଦ୍‍ବାକ୍ୟ ମୁଦ୍ରାଙ୍କିତ କରିବାକୁ ଓ ପବିତ୍ରତମଙ୍କୁ ଅଭିଷିକ୍ତ କରିବାକୁ ତୁମ୍ଭ ଲୋକଙ୍କର ଓ ତୁମ୍ଭ ପବିତ୍ର ନଗର ନିମନ୍ତେ ସତୁରି ସପ୍ତାହ ନିରୂପିତ ହୋଇଅଛି ।
\v 25 ଏଥିପାଇଁ ତୁମ୍ଭେ ଜ୍ଞାତ ହୁଅ ଓ ବୁଝ ଯେ, ଯିରୂଶାଲମକୁ ପୁନଃସ୍ଥାପନ ଓ ନିର୍ମାଣ କରିବାର ଆଜ୍ଞା ପ୍ରକାଶ ହେବା ସମୟଠାରୁ ଅଧିପତି, ଅଭିଷିକ୍ତ ବ୍ୟକ୍ତିଙ୍କ ପର୍ଯ୍ୟନ୍ତ ସାତ ସପ୍ତାହ ହେବ; ପୁଣି, ସଙ୍କଟ କାଳରେ ହିଁ ତାହା ଛକ ଓ ପରିଖା ସହିତ ତିନି କୋଡ଼ି ଦୁଇ ସପ୍ତାହ ପୁନର୍ନିର୍ମିତ ହେବ ।
\s5
\v 26 ପୁଣି, ତିନି କୋଡ଼ି ଦୁଇ ସପ୍ତାହ ଉତ୍ତାରେ ଅଭିଷିକ୍ତ ବ୍ୟକ୍ତି ଉଚ୍ଛିନ୍ନ ହେବେ ଓ ସେ ଅକିଞ୍ଚନ ହେବେ; ଆଉ, ଆଗାମୀ ଅଧିପତିର ଲୋକମାନେ ନଗର ଓ ଧର୍ମଧାମ ନଷ୍ଟ କରିବେ ଓ ପ୍ଳାବନ ଦ୍ୱାରା ତାହାର ଶେଷ ହେବ, ପୁଣି ଶେଷ ପର୍ଯ୍ୟନ୍ତ ହିଁ ଯୁଦ୍ଧ ହେବ; ନାନା ଉଚ୍ଛିନ୍ନତା ନିରୂପିତ ହୋଇଅଛି ।
\s5
\v 27 ପୁଣି, ସେ ଏକ ସପ୍ତାହ ପର୍ଯ୍ୟନ୍ତ ଅନେକର ସହିତ ଦୃଢ଼ ନିୟମ କରିବ ଓ ସପ୍ତାହର ଅର୍ଦ୍ଧେକ କାଳ ଯଜ୍ଞ ଓ ନୈବେଦ୍ୟ ନିବୃତ୍ତ କରାଇବ; ଆଉ, ଘୃଣାଯୋଗ୍ୟ ବସ୍ତୁସକଳର ପକ୍ଷ ଉପରେ ବିନାଶକ ଜଣେ ଆସିବ; ପୁଣି, ନିରୂପିତ ସିଦ୍ଧି ପର୍ଯ୍ୟନ୍ତ ବିନାଶକର ଉପରେ କ୍ରୋଧ ଢଳାଯିବ ।
\s5
\c 10
\s ଦାନିୟେଲଙ୍କ ମହା ଦର୍ଶନ
\p
\v 1 ପାରସ୍ୟର ରାଜା କୋରସର ଅଧିକାରର ତୃତୀୟ ବର୍ଷରେ ବେଲ୍‍ଟଶତ୍ସର ନାମରେ ପରିଚିତ ଦାନିୟେଲଙ୍କ ପ୍ରତି ଏକ ବିଷୟ ପ୍ରକାଶିତ ହେଲା ଓ ତାହା ସତ୍ୟ, ତାହା ଏକ ମହାଯୁଦ୍ଧ ବିଷୟ; ପୁଣି, ସେ ତାହା ବୁଝିଲେ ଓ ସେହି ଦର୍ଶନ ବିଷୟ ତାଙ୍କୁ ଜ୍ଞାତ ହେଲା ।
\s5
\v 2 ସେହି ସମୟରେ ମୁଁ, ଦାନିୟେଲ, ପୂର୍ଣ୍ଣ ତିନି ସପ୍ତାହ ପର୍ଯ୍ୟନ୍ତ ଶୋକ କରୁଥିଲି ।
\v 3 ପୂର୍ଣ୍ଣ ତିନି ସପ୍ତାହ ସମାପ୍ତ ହେବା ପର୍ଯ୍ୟନ୍ତ ମୁଁ କୌଣସି ସୁସ୍ୱାଦ ଖାଦ୍ୟ ଭୋଜନ କଲି ନାହିଁ, କିଅବା ମାଂସ ଅବା ଦ୍ରାକ୍ଷାରସ ମୋ' ମୁଖରେ ପ୍ରବେଶ କଲା ନାହିଁ, ଅଥବା ମୁଁ କିଛି ତୈଳ ମର୍ଦ୍ଦନ କଲି ନାହିଁ ।
\s5
\v 4 ପୁଣି, ପ୍ରଥମ ମାସର ଚତୁର୍ବିଂଶ ଦିନରେ ମୁଁ ହିଦ୍ଦେକଲ ନାମକ ମହାନଦୀ ତୀରରେ ଥିବା ବେଳେ,
\v 5 ମୁଁ ଚକ୍ଷୁ ଖୋଲି ଦେଖିଲି, ଆଉ ଦେଖ, ଶୁକ୍ଳ ବସ୍ତ୍ର ପରିହିତ ଏକ ମନୁଷ୍ୟ, ତାଙ୍କ କଟୀ ଉଫସର ନିର୍ମଳ ସୁବର୍ଣ୍ଣ ବନ୍ଧନୀରେ ବଦ୍ଧ ହୋଇଥିଲା;
\v 6 ମଧ୍ୟ ତାଙ୍କ ଶରୀର ବୈଦୂର୍ଯ୍ୟମଣି ତୁଲ୍ୟ ଓ ତାଙ୍କ ମୁଖ ବିଦ୍ୟୁତ୍‍ର ଆଭା ତୁଲ୍ୟ ଓ ତାଙ୍କ ଚକ୍ଷୁ ଜ୍ୱଳ; ମଶାଲ ତୁଲ୍ୟ, ଆଉ ତାଙ୍କ ହସ୍ତ ଓ ପାଦ ପରିଷ୍କୃତ ପିତ୍ତଳର ଆଭା ତୁଲ୍ୟ ଓ ତାଙ୍କ ବାକ୍ୟର ରବ ଲୋକାରଣ୍ୟର ରବ ତୁଲ୍ୟ ।
\s5
\v 7 ପୁଣି, ମୁଁ, ଦାନିୟେଲ, ଏକାକୀ ସେହି ଦର୍ଶନ ଦେଖିଲି; କାରଣ ମୋର ସଙ୍ଗୀ ଲୋକମାନେ ସେହି ଦର୍ଶନ ଦେଖିଲେ ନାହିଁ; ମାତ୍ର ସେମାନେ ଅତିଶୟ କମ୍ପିତ ହେଲେ ଓ ଆପଣା ଆପଣାକୁ ଲୁଚାଇବା ପାଇଁ ପଳାଇଲେ ।
\v 8 ତହିଁରେ ମୁଁ ଏକାକୀ ରହି ଏହି ମହାଦର୍ଶନ ଦେଖିଲି ଓ ମୋ'ଠାରେ କିଛି ବଳ ରହିଲା ନାହିଁ; କାରଣ ମୋର ତେଜ କ୍ଷୟରେ ପରିଣତ ହେଲା ଓ ମୁଁ କିଛି ବଳ ରଖି ପାରିଲି ନାହିଁ ।
\v 9 ତଥାପି ମୁଁ ତାଙ୍କ ବାକ୍ୟର ରବ ଶୁଣିଲି; ଆଉ, ଯେତେବେଳେ ମୁଁ ତାଙ୍କ ବାକ୍ୟର ରବ ଶୁଣିଲି, ସେତେବେଳେ ମୁଁ ଉବୁଡ଼ ହୋଇ ଘୋର ନିଦ୍ରାରେ ପଡ଼ିଥିଲି ।
\s5
\v 10 ଏଥିରେ ଦେଖ, ଏକ ହସ୍ତ ସ୍ପର୍ଶ କରି ମୋତେ ଆଣ୍ଠୁ ଓ ହସ୍ତ ପାପୁଲିରେ ନିର୍ଭର କରାଇଲା ।
\v 11 ପୁଣି, ସେ ମୋତେ କହିଲେ, ହେ ଅତ୍ୟନ୍ତ ପ୍ରିୟପାତ୍ର ଦାନିୟେଲ, ଆମ୍ଭେ ତୁମ୍ଭଙ୍କୁ ଯେଉଁ ଯେଉଁ ବାକ୍ୟ କହୁ, ତାହା ବୁଝ ଓ ସିଧା ହୋଇ ଠିଆ ହୁଅ; କାରଣ ଏବେ ଆମ୍ଭେ ତୁମ୍ଭ ନିକଟକୁ ପ୍ରେରିତ ହୋଇଅଛୁ; ସେ ମୋତେ ଏହି କଥା କହିବାରୁ ମୁଁ କମ୍ପି କମ୍ପି ଠିଆ ହେଲି ।
\s5
\v 12 ଏଥିରେ ସେ ମୋତେ କହିଲେ, ହେ ଦାନିୟେଲ, ଭୟ କର ନାହିଁ; କାରଣ ତୁମ୍ଭେ ଯେଉଁ ପ୍ରଥମ ଦିନରୁ ବୁଝିବା ପାଇଁ ଓ ତୁମ୍ଭ ପରମେଶ୍ୱରଙ୍କ ସାକ୍ଷାତରେ ଆପଣାକୁ ନମ୍ର କରିବା ପାଇଁ ଆପଣା ମନୋନିବେଶ କଲ, ସେହି ଦିନଠାରୁ ତୁମ୍ଭର ବାକ୍ୟ ଶୁଣାଗଲା; ଆଉ, ତୁମ୍ଭର ବାକ୍ୟ ସକାଶୁ ଆମ୍ଭେ ଆସିଅଛୁ ।
\v 13 ମାତ୍ର ପାରସ୍ୟ ରାଜ୍ୟର ଅଧିପତି ଏକୋଇଶ ଦିନ ପର୍ଯ୍ୟନ୍ତ ଆମ୍ଭର ପ୍ରତିବାଧା କଲା; ମାତ୍ର ଦେଖ, ପ୍ରଧାନ ଅଧିପତିମାନଙ୍କର ମଧ୍ୟରୁ ମୀଖାୟେଲ ନାମରେ ଜଣେ ଆମ୍ଭର ସାହାଯ୍ୟ କରିବାକୁ ଆସିଲେ; ଆଉ, ଆମ୍ଭେ ସେହି ସ୍ଥାନରେ ପାରସ୍ୟର ରାଜାଗଣର ସଙ୍ଗରେ ରହିଲୁ ।
\s5
\v 14 ଏବେ, ଶେଷ କାଳରେ ତୁମ୍ଭ ଲୋକମାନଙ୍କ ପ୍ରତି ଯାହା ଘଟିବ, ତାହା ତୁମ୍ଭକୁ ବୁଝାଇ ଦେବା ପାଇଁ ଆମ୍ଭେ ଆସିଅଛୁ; କାରଣ ଦର୍ଶନ ଆହୁରି ଅନେକ କାଳ ପର୍ଯ୍ୟନ୍ତ ଅଛି ।
\v 15 ସେ ମୋତେ ଏରୂପ କଥା କହିଲା ଉତ୍ତାରେ ମୁଁ ଭୂମି ଆଡ଼େ ମୁଖ କରି ଅବାକ୍‍ ହେଲି ।
\s5
\v 16 ଏଥିରେ ଦେଖ, ମନୁଷ୍ୟ ସନ୍ତାନଗଣର ଆକୃତିବିଶିଷ୍ଟ ଏକ ବ୍ୟକ୍ତି ମୋର ଓଷ୍ଠାଧର ସ୍ପର୍ଶ କଲେ; ତହୁଁ ମୁଁ ଆପଣା ମୁଖ ଫିଟାଇ ମୋ' ସମ୍ମୁଖରେ ଠିଆ ହେବା ବ୍ୟକ୍ତିଙ୍କୁ କହିଲି, ହେ ମୋର ପ୍ରଭୁ, ଏହି ଦର୍ଶନ ସକାଶୁ ମୋର ବେଦନା ମୋତେ ଆକ୍ରାନ୍ତ କରିଅଛି ଓ ମୁଁ କିଛିମାତ୍ର ବଳ ରକ୍ଷା କରି ପାରୁ ନାହିଁ ।
\v 17 କାରଣ ମୋର ଏହି ପ୍ରଭୁଙ୍କର ଦାସ କିପ୍ରକାରେ ଏହି ମୋ' ପ୍ରଭୁଙ୍କ ସଙ୍ଗେ କଥାବାର୍ତ୍ତା କରି ପାରେ ? ସେହିକ୍ଷଣେ ମୋ'ଠାରେ କିଛି ବଳ ଅବା ମୋ' ମଧ୍ୟରେ ଶ୍ୱାସ ରହିଲା ନାହିଁ ।
\s5
\v 18 ସେତେବେଳେ ମନୁଷ୍ୟର ଆକୃତିବିଶିଷ୍ଟ ଜଣେ ଲୋକ ପୁନର୍ବାର ମୋତେ ସ୍ପର୍ଶ କରି ସବଳ କଲେ ।
\v 19 ପୁଣି, ସେ କହିଲେ, "ହେ ଅତ୍ୟନ୍ତ ପ୍ରିୟପାତ୍ର ମନୁଷ୍ୟ, ଭୟ କର ନାହିଁ; ତୁମ୍ଭର ଶାନ୍ତି ହେଉ, ସବଳ ହୁଅ, ସବଳ ହୁଅ !” ସେ ମୋତେ ଏହା କହନ୍ତେ, ମୁଁ ସବଳ ହୋଇ କହିଲି, “ମୋର ପ୍ରଭୁ କୁହନ୍ତୁ କାରଣ ତୁମ୍ଭେ ମୋତେ ସବଳ କରିଅଛ ।”
\s5
\v 20 ତହିଁରେ ସେ କହିଲେ, "ଆମ୍ଭେ କି ନିମନ୍ତେ ତୁମ୍ଭ ନିକଟକୁ ଆସିଅଛୁ, ତାହା କି ତୁମ୍ଭେ ଜାଣ ? ଏବେ ଆମ୍ଭେ ପାରସ୍ୟର ଅଧିପତି ସଙ୍ଗେ ଯୁଦ୍ଧ କରିବା ପାଇଁ ଫେରିଯିବା; ଆଉ, ଆମ୍ଭେ ବାହାରିଲେ, ଦେଖ, ଗ୍ରୀସ୍‍ର ଅଧିପତି ଆସିବ ।
\v 21 ମାତ୍ର ସତ୍ୟଗ୍ରନ୍ଥରେ ଯାହା ଲିଖିତ ଅଛି, ତାହା ଆମ୍ଭେ ତୁମ୍ଭଙ୍କୁ ଜଣାଇବୁ; ଏମାନଙ୍କ ବିରୁଦ୍ଧରେ ଆମ୍ଭର ସାହାଯ୍ୟ କରିବା ପାଇଁ ତୁମ୍ଭମାନଙ୍କର ଅଧିପତି ମୀଖାୟେଲ ବିନୁ ଆଉ କେହି ନାହାନ୍ତି ।”
\s5
\c 11
\p
\v 1 ପୁଣି, ମାଦୀୟ ଦାରୀୟାବସର ଅଧିକାରର ପ୍ରଥମ ବର୍ଷରେ ଆମ୍ଭେ ତାହାକୁ ସୁସ୍ଥିର ଓ ସବଳ କରିବା ପାଇଁ ଠିଆ ହେଲୁ ।
\s ଉତ୍ତର ଓ ଦକ୍ଷିଣ ଦେଶର ରାଜା
\p
\v 2 ଏବେ, ଆମ୍ଭେ ତୁମ୍ଭଙ୍କୁ ସତ୍ୟ କଥା ଜଣାଇବା । ଦେଖ, ପାରସ୍ୟରେ ଆଉ ତିନି ରାଜା ଉତ୍ପନ୍ନ ହେବେ ଓ ଚତୁର୍ଥ ରାଜା ସେହି ସମସ୍ତଙ୍କ ଅପେକ୍ଷା ଅଧିକ ଧନଶାଳୀ ହେବ; ଆଉ, ସେ ଆପଣା ଧନରେ ବଳବାନ ହେଲେ ଗ୍ରୀସ୍‍ ରାଜ୍ୟ ବିରୁଦ୍ଧରେ ସମସ୍ତଙ୍କୁ ଉତ୍ତେଜିତ କରିବ ।
\s5
\v 3 ତହୁଁ ଏକ ବିକ୍ରମୀ ରାଜା ଉତ୍ପନ୍ନ ହେବ, ସେ ମହାକର୍ତ୍ତୃତ୍ୱରେ ଶାସନ କରିବ ଓ ସ୍ଵେଚ୍ଛାନୁସାରେ କର୍ମ କରିବ ।
\v 4 ଆଉ, ସେ ଉତ୍ପନ୍ନ ହେଲେ ତାହାର ରାଜ୍ୟ ଭଗ୍ନ ହେବ ଓ ଆକାଶର ଚାରି ଦିଗରେ ବିଭକ୍ତ ହେବ; ମାତ୍ର ତାହାର ବଂଶ ନିମନ୍ତେ କିଅବା ତାହାର କର୍ତ୍ତୃତ୍ୱାନୁଯାୟୀ ଶାସନ ନିମନ୍ତେ ନୋହିବ; କାରଣ ସେମାନଙ୍କ ନିମନ୍ତେ ନୁହେଁ, ମାତ୍ର ଅନ୍ୟମାନଙ୍କ ନିମନ୍ତେ ତାହାର ରାଜ୍ୟ ଉତ୍ପାଟିତ ହେବ ।
\s5
\v 5 ପୁଣି, ଦକ୍ଷିଣ ଦେଶର (ମିସର) ରାଜା ଶକ୍ତିଶାଳୀ ହେବ କିନ୍ତୁ ତାହାର ଅଧିପତିମାନଙ୍କ ମଧ୍ୟରୁ ଜଣେ ତାହା ଅପେକ୍ଷା ଅଧିକ ବଳବାନ୍ ହୋଇ କର୍ତ୍ତୃତ୍ୱ ପ୍ରାପ୍ତ ହେବ; ତାହାର ରାଜ୍ୟ ଏକ ବୃହତ୍‍ ରାଜ୍ୟ ହେବ ।
\v 6 ମାତ୍ର କେତେକ ବର୍ଷର ଉତ୍ତାରେ ସେମାନେ ପରସ୍ପର ମିଳିତ ହେବେ ଓ ଦକ୍ଷିଣ ଦେଶସ୍ଥ ରାଜାର କନ୍ୟା ନିୟମ ସ୍ଥାପନାର୍ଥେ ଉତ୍ତର ଦେଶସ୍ଥ ରାଜାର ନିକଟକୁ ଆସିବ; ମାତ୍ର କନ୍ୟା ନିଜ ବାହୁବଳ ରକ୍ଷା କରିବ ନାହିଁ; କିଅବା ରାଜା ଓ ତାହାର ବାହୁ ସ୍ଥାୟୀ ନୋହିବ; ମାତ୍ର ସେ କନ୍ୟା ଓ ଯେଉଁମାନେ ତାହାକୁ ଆଣିଲେ ଓ ଯେ ତାହାକୁ ଜନ୍ମ କଲା, ଆଉ ସେହି ସମୟରେ ଯେ ତାହାକୁ ବଳ ଦେଲା, ସମସ୍ତେ ସମର୍ପିତ ହେବେ ।
\s5
\v 7 ମାତ୍ର କନ୍ୟାର ମୂଳର ଏକ ପଲ୍ଲବରୁ ଜଣେ ସ୍ୱସ୍ଥାନରେ ଉତ୍ପନ୍ନ ହେବ, ସେ ସୈନ୍ୟଶ୍ରେଣୀକୁ ଆସି ଉତ୍ତର ଦେଶୀୟ ରାଜାର ଦୁର୍ଗରେ ପ୍ରବେଶ କରିବ ଓ ସେମାନଙ୍କର ବିପକ୍ଷାଚରଣ କରି ଜୟଯୁକ୍ତ ହେବ;
\v 8 ଆହୁରି, ସେ ସେମାନଙ୍କର ଢଳା ପ୍ରତିମା ସହିତ ସେମାନଙ୍କର ଦେବଗଣକୁ ବନ୍ଦୀ କରି ରୂପା ଓ ସୁନାର ମନୋହର ପାତ୍ର ସହିତ ମିସରକୁ ନେଇଯିବ ଓ ସେ କେତେକ ବର୍ଷ ପର୍ଯ୍ୟନ୍ତ ଉତ୍ତର ଦେଶୀୟ ରାଜାଠାରୁ ନିରସ୍ତ ହେବ ।
\v 9 ପୁଣି, ସେ ଦକ୍ଷିଣ ଦେଶୀୟ ରାଜାର ରାଜ୍ୟକୁ ଆସିବ, ମାତ୍ର ଆପଣା ଦେଶକୁ ସେ ଫେରିଯିବ ।
\s5
\v 10 ଆଉ, ତାହାର ପୁତ୍ରଗଣ ଯୁଦ୍ଧ କରିବେ ଓ ମହା-ସୈନିକ ଜନତା ସଂଗ୍ରହ କରିବେ, ସେମାନେ ଆସି ବଢ଼ି ତୁଲ୍ୟ ଉଚ୍ଛୁଳି ବହି ଚାଲି ଯିବେ; ଆଉ, ସେମାନେ ଫେରି ତାହାର ଦୁର୍ଗ ପର୍ଯ୍ୟନ୍ତ ଯୁଦ୍ଧ କରିବେ ।
\s5
\v 11 ତହିଁରେ ଦକ୍ଷିଣ ଦେଶର ରାଜା କ୍ରୋଧାନ୍ବିତ ହୋଇ ଉତ୍ତର ଦେଶୀୟ ରାଜାଙ୍କ ବିରୁଦ୍ଧରେ ଯୁଦ୍ଧ କରିବ; ତହିଁରେ ସେ (ଉତ୍ତର ଦେଶୀୟ ରାଜା) ମହାଜନତା ସଂଗ୍ରହ କରିବ, ମାତ୍ର ସେହି ଜନତା ତାହାର (ଦକ୍ଷିଣ ଦେଶର ରାଜାଙ୍କ) ହସ୍ତରେ ସମର୍ପିତ ହେବ ।
\v 12 ପୁଣି, ସେହି ଜନତା ଉତ୍‍ଥାପିତ ହେଲେ, ତାହାର ଚିତ୍ତ ଗର୍ବିତ ହେବ ଓ ସେ ଅୟୁତ ଅୟୁତ ଲୋକଙ୍କୁ ନିପାତ କରିବ; ତଥାପି ସେ ଜୟଯୁକ୍ତ ନୋହିବ ।
\s5
\v 13 ଆଉ, ଉତ୍ତର ଦେଶର ରାଜା ଫେରି ପୂର୍ବ ଅପେକ୍ଷା ଏକ ବୃହତ୍‍ ଜନତା ସଂଗ୍ରହ କରିବ; ପୁଣି ସେ, କାଳର ଅର୍ଥାତ୍‍, ବର୍ଷମାନର ଶେଷରେ ମହାସୈନ୍ୟ ଓ ଅପାର ସାମଗ୍ରୀ ନେଇ ଆସିବ
\s5
\v 14 ପୁଣି, ସେହି ସମୟରେ ଅନେକ ଲୋକ ଦକ୍ଷିଣ ଦେଶର ରାଜା ବିରୁଦ୍ଧରେ ଉଠିବେ; ମଧ୍ୟ ତୁମ୍ଭ ଲୋକମାନଙ୍କ ମଧ୍ୟରେ ଅତ୍ୟାଚାରୀଗଣର ସନ୍ତାନମାନେ ଏହି ଦର୍ଶନ ସଫଳାର୍ଥେ ଆପଣାମାନଙ୍କୁ ଉନ୍ନତ କରିବେ; ମାତ୍ର ସେମାନେ ପତିତ ହେବେ ।
\s5
\v 15 ଏହିରୂପେ ଉତ୍ତର ଦେଶର ରାଜା ଆସିବ ଓ ଗଡ଼ବନ୍ଦୀ କରି ସୁଦୃଢ଼ ନଗର ହସ୍ତଗତ କରିବ; ତହିଁରେ ଦକ୍ଷିଣ ଦେଶର ସହାୟଗଣ ଓ ମନୋନୀତ ଲୋକମାନେ ପ୍ରତିବାଧା ଦେଇ ପାରିବେ ନାହିଁ; କିଅବା ପ୍ରତିବାଧା କରିବା ପାଇଁ କୌଣସି ଶକ୍ତି ରହିବ ନାହିଁ ।
\v 16 ମାତ୍ର ଯେ ତାହାର ବିରୁଦ୍ଧରେ ଆସିବ, ସେ ସ୍ଵେଚ୍ଛାନୁସାରେ କାର୍ଯ୍ୟ କରିବ ଓ ତାହା ସାକ୍ଷାତରେ କେହି ଠିଆ ହେବ ନାହିଁ; ଆଉ, ସେ ରମ୍ୟ (ଇସ୍ରାଏଲ) ଦେଶରେ ଠିଆ ହେବ ଓ ତାହାର ହସ୍ତରେ ବିନାଶ ରହିବ ।
\s5
\v 17 ପୁଣି, ସେ ଆପଣା ସମୁଦାୟ ରାଜ୍ୟର ପରାକ୍ରମ ସହିତ ଆସିବା ପାଇଁ ଆପଣା ମନସ୍ଥ କରିବ ଓ ସରଳ ଲୋକମାନେ ତାହା ସଙ୍ଗରେ ଆସିବେ; ସେ ଆପଣା ଇଚ୍ଛାନୁସାରେ କାର୍ଯ୍ୟ କରିବ; ସେ ନଷ୍ଟ କରିବା ପାଇଁ ନାରୀଗଣର କନ୍ୟା ତାହାକୁ ଦେବ; ମାତ୍ର କନ୍ୟା ସ୍ଥିର ରହିବ ନାହିଁ, କିଅବା ତାହା ପାଇଁ ହେବ ନାହିଁ ।
\v 18 ଏଥିଉତ୍ତାରେ ସେ ଦ୍ୱୀପଗଣର ବିରୁଦ୍ଧରେ ଯାଇ ଅନେକଙ୍କୁ ହସ୍ତଗତ କରିବ; ମାତ୍ର ଜଣେ ଅଧିପତି ତାହାର କୃତ ଅପମାନ ନିବୃତ କରାଇବ; ଆହୁରି, ସେ ତାହାର ଅପମାନ ତାହା ଉପରେ ବର୍ତ୍ତାଇବ ।
\v 19 ତହୁଁ ସେ ଆପଣା ଦେଶର ଦୁର୍ଗସକଳର ଆଡ଼େ ଫେରିବ; ମାତ୍ର ସେ ଝୁଣ୍ଟି ପତିତ ହେବ; ପୁଣି, ଦେଖାଯିବ ନାହିଁ ।
\s5
\v 20 ଏଥିଉତ୍ତାରେ ଯେଉଁ ଜନ ତାହାର ପଦ ପ୍ରାପ୍ତ ହେବ, ସେ ରାଜ୍ୟର ଶୋଭା ସ୍ଥାନର ମଧ୍ୟ ଦେଇ ଯିବା ପାଇଁ ଜଣେ ପ୍ରଜାପୀଡ଼କକୁ ପ୍ରେରଣ କରିବ; ମାତ୍ର ଅଳ୍ପ ଦିନ ମଧ୍ୟରେ ସେ ବିନଷ୍ଟ ହେବ, ମାତ୍ର କ୍ରୋଧରେ ନୁହେଁ, କିଅବା ଯୁଦ୍ଧରେ ନୁହେଁ ।
\v 21 ପୁଣି, ଯାହାକୁ ସେମାନେ ରାଜାର ସମ୍ମାନ ଦେଇ ନ ଥିଲେ, ଏପରି ଜଣେ ତୁଚ୍ଛ ଲୋକ ତାହାର ପଦ ପ୍ରାପ୍ତ ହେବ; ମାତ୍ର ସେ ନିଶ୍ଚିନ୍ତ ସମୟରେ ଆସିବ ଓ ଚାଟୁବାକ୍ୟ ଦ୍ୱାରା ରାଜ୍ୟ ପାଇବ ।
\v 22 ଆଉ, ପ୍ଲାବନରୂପ ସୈନ୍ୟଦଳ ଦ୍ୱାରା ସେମାନେ ତାହା ସମ୍ମୁଖରୁ ବହି ଯିବେ ଓ ଭଗ୍ନ ହେବେ; ହଁ, ନିୟମର ଅଧିପତି ମଧ୍ୟ ଭଗ୍ନ ହେବ ।
\s5
\v 23 ପୁଣି, ତାହାର ସହିତ ଚୁକ୍ତି ସ୍ଥିର କରାଗଲା ପରେ ସେ ପ୍ରତାରଣାପୂର୍ବକ କାର୍ଯ୍ୟ କରିବ; କାରଣ ସେ ଆସି ଅଳ୍ପ ଲୋକ ଦ୍ୱାରା ପରାକ୍ରମୀ ହେବ ।
\v 24 ସେ ନିଶ୍ଚିନ୍ତ ସମୟରେ ଦେଶର ଅତ୍ୟୁତ୍ତମ ସ୍ଥାନରେ ପ୍ରବେଶ କରିବ ଓ ତାହାର ପିତୃ ଓ ପିତାମହଗଣ ଯାହା କରି ନ ଥିଲେ, ତାହା ସେ କରିବ; ସେ ସେମାନଙ୍କ ମଧ୍ୟରେ ଲୁଟିତ ଦ୍ରବ୍ୟ ଓ ଅପହୃତ ବସ୍ତୁ ଓ ଧନ ବିଞ୍ଚି ଦେବ ଓ ଦୃଢ଼ ଗଡ଼ସକଳର ବିରୁଦ୍ଧରେ ସେ କିଛିକାଳ କୌଶଳ କଳ୍ପନା କରିବ ।
\s5
\v 25 ପୁଣି, ସେ ମହାସୈନ୍ୟଦଳ ସଙ୍ଗେ ନେଇ ଦକ୍ଷିଣ ଦେଶର ରାଜା ବିରୁଦ୍ଧରେ ଆପଣା ବଳ ଓ ସାହସ ଉତ୍ତେଜିତ କରିବ; ତହିଁରେ ଦକ୍ଷିଣ ଦେଶର ରାଜା ଅତି ବୃହତ୍‍ ଓ ପରାକ୍ରାନ୍ତ ସୈନ୍ୟ ଘେନି ତାହା ସଙ୍ଗେ ଯୁଦ୍ଧ କରିବ; ମାତ୍ର ସେ ସ୍ଥିର ହୋଇ ରହିବ ନାହିଁ; କାରଣ ସେମାନେ ତାହା ବିରୁଦ୍ଧରେ ନାନା କୌଶଳ କଳ୍ପନା କରିବେ ।
\v 26 ଯେଉଁମାନେ ତାହାର ଆହାର ଭୋଜନ କରନ୍ତି, ସେମାନେ ତାହାକୁ ବିନାଶ କରିବେ, ପୁଣି ତାହାର ସୈନ୍ୟଦଳ ବହି ଯିବେ ଓ ଅନେକେ ହତ ହୋଇ ପଡ଼ିବେ ।
\v 27 ପୁଣି, ଏହି ଦୁଇ ରାଜାର ଚିତ୍ତ ଅନିଷ୍ଟ କରିବାକୁ ପ୍ରବୃତ୍ତ ହେବ ଓ ସେମାନେ ଏକ ମେଜରେ ବସି ମିଥ୍ୟା କଥା କହିବେ; ମାତ୍ର ତାହା ସଫଳ ନୋହିବ; କାରଣ ସେତେବେଳେ ହେଁ ପରିଣାମ ନିରୂପିତ କାଳର ଅପେକ୍ଷା କରିବ ।
\s5
\v 28 ସେତେବେଳେ ସେ ଅନେକ ସମ୍ପତ୍ତି ନେଇ ଆପଣା ଦେଶକୁ ଫେରି ଯିବ ଓ ତାହାର ଚିତ୍ତ ପବିତ୍ର ନିୟମର ପ୍ରତିଫଳ ହେବ; ଆଉ, ସେ ସ୍ଵେଚ୍ଛାମତ କର୍ମ କରି ଆପଣା ଦେଶକୁ ଫେରି ଯିବ ।
\s5
\v 29 ନିରୂପିତ କାଳରେ ସେ ଫେରି ଦକ୍ଷିଣ ଦେଶରେ ପ୍ରବେଶ କରିବ; ମାତ୍ର ପୂର୍ବ କାଳରେ ଯେପରି ହୋଇଥିଲା, ଶେଷ କାଳରେ ସେପରି ନୋହିବ ।
\v 30 କାରଣ କିତ୍ତିମର ଜାହାଜସକଳ ତାହାର ବିରୁଦ୍ଧରେ ଆସିବ, ଏଥିପାଇଁ ସେ ଦୁଃଖିତ ହୋଇ ଫେରି ଯିବ ଓ ପବିତ୍ର ନିୟମର ପ୍ରତିକୂଳରେ କ୍ରୋଧ କରି ସ୍ଵେଚ୍ଛାମତ କାର୍ଯ୍ୟ କରିବ; ସେ ଫେରି ଯିବ ଓ ପବିତ୍ର ନିୟମତ୍ୟାଗୀ ଲୋକମାନଙ୍କ ପ୍ରତି ମନୋଯୋଗ କରିବ ।
\s5
\v 31 ଆଉ, ତାହାର ପକ୍ଷସ୍ଥ ସୈନ୍ୟଗଣ ଉଠି ଧର୍ମଧାମ, ଅର୍ଥାତ୍‍, ଦୁର୍ଗ ଅଶୁଚି କରିବେ ଓ ନିତ୍ୟ ନୈବେଦ୍ୟ ନିବୃତ୍ତ କରିବେ, ଆଉ ସର୍ବନାଶକାରୀ ଘୃଣାଯୋଗ୍ୟ ବସ୍ତୁ ସ୍ଥାପନ କରିବେ ।
\v 32 ପୁଣି, ଯେଉଁମାନେ ନିୟମର ପ୍ରତିକୂଳରେ ଦୁଷ୍ଟାଚରଣ କରନ୍ତି, ସେ ଚାଟୁବାକ୍ୟ ଦ୍ୱାରା ସେମାନଙ୍କୁ ବିପଥଗାମୀ କରାଇବ; ମାତ୍ର ଯେଉଁ ଲୋକମାନେ ଆପଣା ପରମେଶ୍ୱରଙ୍କୁ ଜାଣନ୍ତି, ସେମାନେ ବଳବାନ ହେବେ ଓ ମହତ୍‍ କର୍ମ କରିବେ ।
\s5
\v 33 ଆଉ, ଲୋକମାନଙ୍କ ମଧ୍ୟରେ ଜ୍ଞାନୀମାନେ ଅନେକଙ୍କୁ ଉପଦେଶ ଦେବେ; ତଥାପି ଅନେକ ଦିନ ପର୍ଯ୍ୟନ୍ତ ସେମାନେ ଖଡ଼୍‍ଗରେ, ଅଗ୍ନିଶିଖାରେ, ବନ୍ଦୀଦଶାରେ ଓ ଲୁଟରେ ପତିତ ହେବେ ।
\v 34 ଯେତେବେଳେ ସେମାନେ ପତିତ ହେବେ, ସେତେବେଳେ ସେମାନେ ଅଳ୍ପ ସାହାଯ୍ୟ ପ୍ରାପ୍ତ ହେବେ; ମାତ୍ର ଅନେକେ ଚାଟୁବାକ୍ୟ ଦ୍ୱାରା ସେମାନଙ୍କ ସହିତ ଯୋଗ ଦେବେ ।
\v 35 ପୁଣି, ସେମାନଙ୍କ ମଧ୍ୟରେ ଜ୍ଞାନୀମାନେ ସେମାନଙ୍କୁ ନିର୍ମଳ, ପରିଷ୍କୃତ ଓ ଶୁକ୍ଳୀକୃତ କରିବା ପାଇଁ ପରିଣାମର ସମୟ ପର୍ଯ୍ୟନ୍ତ ପତିତ ହେବେ; କାରଣ ତାହା ନିରୂପିତ କାଳର ଅପେକ୍ଷା କରେ ।
\s5
\v 36 ଆଉ, ରାଜା ଆପଣା ଇଚ୍ଛାନୁସାରେ କର୍ମ କରିବ ଓ ସକଳ ଦେବତା ଅପେକ୍ଷା ଆପଣାକୁ ବଡ଼ କରି ଦର୍ପ କରିବ, ପୁଣି ଈଶ୍ୱରଗଣର ଈଶ୍ୱରଙ୍କ ବିରୁଦ୍ଧରେ ଅଦ୍ଭୁତ କଥା କହିବ ଓ କ୍ରୋଧ ସଫଳ ହେବା ପର୍ଯ୍ୟନ୍ତ ସମୃଦ୍ଧି ହେବ; କାରଣ ଯାହା ନିରୂପିତ ହୋଇଅଛି, ତାହା କରାଯିବ ।
\v 37 ସେ ଆପଣା ପିତୃଗଣର ଦେବତାମାନଙ୍କୁ ମାନିବ ନାହିଁ; ଅଥବା ସ୍ତ୍ରୀମାନଙ୍କ ବାଞ୍ଛାକୁ କିଅବା କୌଣସି ଦେବତାକୁ ମାନିବ ନାହିଁ; କାରଣ ସେ ସମସ୍ତଙ୍କ ଅପେକ୍ଷା ଆପଣାକୁ ବଡ଼ କରିବ ।
\s5
\v 38 ମାତ୍ର ଆପଣା ସ୍ଥାନରେ ସେ ଦୁର୍ଗର ଦେବତାକୁ ସମ୍ମାନ କରିବ ଓ ତାହାର ପିତୃଗଣର ଅଜ୍ଞାତ ଦେବତାକୁ ସୁନା, ରୂପା, ବହୁମୂଲ୍ୟ ପ୍ରସ୍ତର ଓ ମନୋହର ଦ୍ରବ୍ୟ ଦେଇ ସମ୍ମାନ କରିବ ।
\v 39 ପୁଣି, ସେ ବିଦେଶୀୟ ଦେବତାର ସାହାଯ୍ୟରେ ଦୃଢ଼ତମ ଦୁର୍ଗମାନର ପ୍ରତିକୂଳରେ କାର୍ଯ୍ୟ କରିବ, ଯେକେହି ତାହାକୁ ସ୍ୱୀକାର କରିବ, ସେ ତାହାର ଗୌରବ ବୃଦ୍ଧି କରିବ ଓ ଅନେକର ଉପରେ ସେମାନଙ୍କୁ କର୍ତ୍ତୃତ୍ୱ ପଦ ଦେବ ଓ ପାରିତୋଷିକ ରୂପେ ଭୂମି ବିଭାଗ କରିବ ।
\s5
\v 40 ଆଉ, ଅନ୍ତିମ କାଳରେ ଦକ୍ଷିଣ ଦେଶର ରାଜା ତାହା ସଙ୍ଗେ ବିରୋଧ କରିବ ଓ ଉତ୍ତର ଦେଶର ରାଜା ରଥ, ଅଶ୍ୱାରୋହୀଗଣ ଓ ଅନେକ ଜାହାଜ ନେଇ ତାହା ବିରୁଦ୍ଧରେ ଘୂର୍ଣ୍ଣିବାୟୁ ତୁଲ୍ୟ ଆସିବ ଓ ସେ ନାନା ଦେଶ ମଧ୍ୟରେ ପ୍ରବେଶ କରି ବଢ଼ି ତୁଲ୍ୟ ପ୍ଲାବନ କରି ବହିଯିବ ।
\v 41 ସେ ମଧ୍ୟ ରମ୍ୟ (ଇସ୍ରାଏଲ) ଦେଶରେ ପ୍ରବେଶ କରିବ, ତହିଁରେ ଅନେକ ଦେଶ ପରାସ୍ତ ହେବ; ମାତ୍ର ଇଦୋମ ଓ ମୋୟାବ ଓ ଅମ୍ମୋନ-ସନ୍ତାନଗଣର ଶ୍ରେଷ୍ଠାଂଶ ତାହାର ହସ୍ତରୁ ରକ୍ଷା ପାଇବେ ।
\s5
\v 42 ଆହୁରି, ସେ ନାନା ଦେଶ ଉପରେ ଆପଣା ହସ୍ତ ପ୍ରସାରିବ ଓ ମିସର ଦେଶ ରକ୍ଷା ପାଇବ ନାହିଁ ।
\v 43 ମାତ୍ର ମିସରର ସୁନା ଓ ରୂପାର ଭଣ୍ଡାର ସକଳ ଓ ବହୁମୂଲ୍ୟ ଦ୍ରବ୍ୟସକଳ ତାହାର ହସ୍ତଗତ ହେବ; ଆଉ, ଲୁଦୀୟ ଓ କୂଶୀୟମାନେ ତାହାର ଅନୁଚର ହେବେ ।
\s5
\v 44 ମାତ୍ର ପୂର୍ବ ଓ ଉତ୍ତର ଦେଶରୁ ଆଗତ ସମ୍ବାଦ ତାହାକୁ ଉଦ୍‍ବିଗ୍ନ କରିବ; ତହିଁରେ ସେ ଅନେକଙ୍କୁ ଉଚ୍ଛିନ୍ନ ଓ ସମ୍ପୂର୍ଣ୍ଣ ରୂପେ ବିନାଶ କରିବା ପାଇଁ ମହାକୋପରେ ଯାତ୍ରା କରିବ ।
\v 45 ପୁଣି, ସେ ସମୁଦ୍ର ଓ ରମ୍ୟ ପବିତ୍ର ପର୍ବତର ମଧ୍ୟରେ ଆପଣା ରାଜକୀୟ ତମ୍ବୁ ସ୍ଥାପନ କରିବ; ତଥାପି ତାହାର ଅନ୍ତିମ କାଳ ଉପସ୍ଥିତ ହେବ, ଆଉ କେହି ତାହାର ସାହାଯ୍ୟ କରିବ ନାହିଁ ।
\s5
\c 12
\s ଶେଷ ସମୟ
\p
\v 1 ସେହି ସମୟରେ ତୁମ୍ଭ ଲୋକଙ୍କ ସନ୍ତାନଗଣର ସାହାଯ୍ୟକାରୀ ମୀଖାୟେଲ ମହାନ ଅଧିପତି ଠିଆ ହେବେ ଓ ମନୁଷ୍ୟ ଗୋଷ୍ଠୀର ସ୍ଥିତିକାଳଠାରୁ ସେହି ସମୟ ପର୍ଯ୍ୟନ୍ତ ଯେଉଁ ପ୍ରକାର ସଙ୍କଟର ସମୟ କେବେ ହୋଇ ନାହିଁ, ଏପରି ସଙ୍କଟର କାଳ ଉପସ୍ଥିତ ହେବ, ଆଉ, ତୁମ୍ଭ ଗୋଷ୍ଠୀୟ ଯେଉଁ ପ୍ରତ୍ୟେକର ନାମ ପୁସ୍ତକରେ ଲିଖିତ ହୋଇଅଛି, ସେମାନେ ପ୍ରତ୍ୟେକେ ସେହି ସମୟରେ ଉଦ୍ଧାର ପାଇବେ ।
\v 2 ପୁଣି, ପୃଥିବୀର ଧୂଳିରେ ଯେଉଁମାନେ ଶୟନ କରନ୍ତି, ସେମାନଙ୍କ ମଧ୍ୟରୁ ଅନେକେ ଜାଗି ଉଠିବେ; କେତେକେ ଅନନ୍ତ ଜୀବନ ଓ କେତେକେ ଲଜ୍ଜା ଓ ଅନନ୍ତ ଅବଜ୍ଞା ଭୋଗ ପାଇଁ ଉଠିବେ ।
\s5
\v 3 ଆଉ, ଯେଉଁମାନେ ଜ୍ଞାନବାନ, ସେମାନେ ଆକାଶର ଦୀପ୍ତିର ତୁଲ୍ୟ ଓ ଯେଉଁମାନେ ଅନେକଙ୍କୁ ଧର୍ମର ପ୍ରତି ଫେରାଇ ଆଣନ୍ତି, ସେମାନେ ତାରାଗଣର ତୁଲ୍ୟ ଅନନ୍ତ କାଳ ପର୍ଯ୍ୟନ୍ତ ତେଜସ୍ୱୀ ହେବେ ।
\v 4 ମାତ୍ର ହେ ଦାନିୟେଲ, ତୁମ୍ଭେ ଶେଷ କାଳ ପର୍ଯ୍ୟନ୍ତ ଏହି ବାକ୍ୟସକଳ ବନ୍ଦ କରି ଓ ଏହି ପୁସ୍ତକ ମୁଦ୍ରାଙ୍କନ କରି ରଖ; ଅନେକେ ଏଣେତେଣେ ଧାବମାନ ହେବେ ଓ ଜ୍ଞାନର ବୃଦ୍ଧି ହେବ ।
\s5
\v 5 ସେତେବେଳେ ମୁଁ ଦାନିୟେଲ ଅନାଇଲି, ଆଉ ଦେଖ, ଅନ୍ୟ ଦୁଇ ଜଣ ଠିଆ ହୋଇଅଛନ୍ତି, ଜଣେ ନଦୀତୀରର ଏପାଖରେ ଓ ଅନ୍ୟ ଜଣ ନଦୀତୀରର ସେପାଖରେ ।
\v 6 ପୁଣି, ଶୁକ୍ଳବସ୍ତ୍ରାନ୍ୱିତ ଓ ନଦୀର ଜଳ ଉପରେ ସ୍ଥିତ ଯେଉଁ ମନୁଷ୍ୟ, ତାଙ୍କୁ ଜଣେ କହିଲେ, ଏହିସବୁ ଆଶ୍ଚର୍ଯ୍ୟ ବିଷୟର ଶେଷ ପର୍ଯ୍ୟନ୍ତ କେତେ ବର୍ଷ ଲାଗିବ ?
\s5
\v 7 ତହିଁରେ ମୁଁ ଶୁଣିଲି, ଶୁକ୍ଳବସ୍ତ୍ରାନ୍ୱିତ ଓ ନଦୀଜଳ ଉପରେ ସ୍ଥିତ ମନୁଷ୍ୟ ଆପଣା ଦକ୍ଷିଣ ଓ ବାମ ହସ୍ତ ସ୍ୱର୍ଗ ଆଡ଼େ ଉଠାଇ ନିତ୍ୟଜୀବୀଙ୍କ ନାମରେ ଶପଥ କରି କହିଲେ, ଏହା ସାଢ଼େ ତିନି ବର୍ଷ ପର୍ଯ୍ୟନ୍ତ ହେବ; ପୁଣି, ସେମାନେ ପବିତ୍ର ଲୋକମାନଙ୍କର ପରାକ୍ରମ ଭଗ୍ନ କରିବାର ଶେଷ କଲେ, ଏହି ସକଳ ବିଷୟ ସିଦ୍ଧ ହେବ ।
\s5
\v 8 ପୁଣି, ମୁଁ ଶୁଣିଲି, ମାତ୍ର ବୁଝିଲି ନାହିଁ; ତହୁଁ ମୁଁ କହିଲି, ହେ ମୋର ପ୍ରଭୁ, ଏହିସବୁର ପରିଣାମ କ'ଣ ହେବ ?
\v 9 ତହିଁରେ ସେ କହିଲେ, ହେ ଦାନିୟେଲ, ତୁମ୍ଭେ ଆପଣା ପଥରେ ଗମନ କର; କାରଣ ଶେଷ କାଳ ପର୍ଯ୍ୟନ୍ତ ଏହି ବାକ୍ୟସକଳ ବନ୍ଦ ଓ ମୁଦ୍ରାଙ୍କିତ ହୋଇଅଛି ।
\s5
\v 10 ଅନେକେ ଆପଣାମାନଙ୍କୁ ପରିଷ୍କୃତ ଓ ଶୁକ୍ଳ କରିବେ ଓ ପବିତ୍ରୀକୃତ ହେବେ; ମାତ୍ର ଦୁଷ୍ଟମାନେ ଦୁଷ୍ଟାଚରଣ କରିବେ ଓ ଦୁଷ୍ଟମାନଙ୍କ ମଧ୍ୟରୁ କେହି ବୁଝିବେ ନାହିଁ; ମାତ୍ର ଜ୍ଞାନୀ ଲୋକମାନେ ବୁଝିବେ ।
\v 11 ପୁଣି, ଯେଉଁ ସମୟରେ ନିତ୍ୟ ନୈବେଦ୍ୟ ନିବୃତ୍ତ ହେବ ଓ ବିନାଶକାରୀ ଘୃଣାଯୋଗ୍ୟ ବସ୍ତୁ ସ୍ଥାପିତ ହେବ, ସେହି ସମୟଠାରୁ ଏକ ହଜାର ଦୁଇ ଶହ ନବେ ଦିନ ହେବ ।
\s5
\v 12 ଯେଉଁ ଜନ ଅପେକ୍ଷାରେ ରହେ ଓ ଏକ ହଜାର ତିନିଶହ ପଞ୍ଚତ୍ରିଂଶ ଦିନ ପର୍ଯ୍ୟନ୍ତ ଥିବ, ସେ ଧନ୍ୟ ।
\v 13 ମାତ୍ର ଶେଷ କାଳ ପର୍ଯ୍ୟନ୍ତ ତୁମ୍ଭେ ଆପଣା ପଥରେ ଗମନ କର; କାରଣ ତୁମ୍ଭେ ବିଶ୍ରାମ ପାଇବ ଓ କାଳର ଶେଷରେ ଆପଣା ଅଧିକାରରେ ଠିଆ ହେବ ।

1037
28-HOS.usfm Normal file
View File

@ -0,0 +1,1037 @@
\id HOS
\ide UTF-8
\sts - Odia Old Version Revision
\rem - Copyrigth Information Creative commons Attribution - ShareAlike 4.0 License
\h - ହୋଶେୟ
\toc1 - ହୋଶେୟ ଭବିଷ୍ୟଦ୍‍ବକ୍ତାଙ୍କ ପୁସ୍ତକ
\toc2 - ହୋଶେୟ
\toc3 hos
\mt1 ହୋଶେୟ ଭବିଷ୍ୟଦ୍‍ବକ୍ତାଙ୍କ ପୁସ୍ତକ
\mt2 THE BOOK OF PROPHET
\s5
\c 1
\p
\v 1 ଯିହୁଦାର ରାଜାଗଣ ଉଷୀୟ, ଯୋଥମ, ଆହସ ଓ ହିଜକୀୟର ରାଜତ୍ୱ ସମୟରେ ଯୋୟାସର ପୁତ୍ର ଇସ୍ରାଏଲର ରାଜା ଯାରବୀୟାମର ସମୟରେ ସଦାପ୍ରଭୁଙ୍କର ଏହି ବାକ୍ୟ ବେରିଙ୍କ ପୁତ୍ର ହୋଶେୟଙ୍କର ନିକଟରେ ଉପସ୍ଥିତ ହେଲା ।
\s ହୋଶେୟଙ୍କ ଭାର୍ଯ୍ୟା ଏବଂ ସନ୍ତାନଗଣ
\p
\q
\v 2 ଯେଉଁ ସମୟରେ ସଦାପ୍ରଭୁ ପ୍ରଥମରେ ହୋଶେୟଙ୍କ ଦ୍ୱାରା କଥା କହିଲେ, ସେହି ସମୟରେ ସଦାପ୍ରଭୁ ହୋଶେୟଙ୍କୁ କହିଲେ,
\q "ତୁମ୍ଭେ ଯାଇ ବ୍ୟଭିଚାରିଣୀ ଏକ ଭାର୍ଯ୍ୟାକୁ
\q ଓ ବ୍ୟଭିଚାରରୁ ଜାତ ସନ୍ତାନଗଣକୁ ଗ୍ରହଣ କର;
\q କାରଣ ଏହି ଦେଶ ସଦାପ୍ରଭୁଙ୍କୁ ପରିତ୍ୟାଗ କରି ମହା ବ୍ୟଭିଚାର କରିଅଛି ।"
\p
\q
\s5
\v 3 ତହିଁରେ ସେ ଯାଇ ଦିବ୍‍ଲାଇମର କନ୍ୟା ଗୋମରକୁ ଗ୍ରହଣ କଲା ଓ ସେ ଗର୍ଭବତୀ ହୋଇ ତାହାର ଏକ ପୁତ୍ର ପ୍ରସବ କଲା ।
\q
\v 4 ତହୁଁ ସଦାପ୍ରଭୁ ତାହାଙ୍କୁ କହିଲେ,
\q "ତୁମ୍ଭେ ତାହାର ନାମ ଯିଷ୍ରିୟେଲ ରଖ;
\q କାରଣ ଅଳ୍ପ ସମୟ ପରେ ଆମ୍ଭେ ଯେହୂର ବଂଶକୁ
\q ଯିଷ୍ରିୟେଲର ରକ୍ତପାତର ପ୍ରତିଫଳ ଭୋଗ କରାଇବା
\q ଓ ଇସ୍ରାଏଲ ବଂଶର ରାଜ୍ୟ ଶେଷ କରାଇବା ।
\q
\v 5 ପୁଣି, ସେହି ସମୟରେ ଆମ୍ଭେ ଯିଷ୍ରିୟେଲର ଉପତ୍ୟକାରେ
\q ଇସ୍ରାଏଲର ଧନୁ ଭଗ୍ନ କରିବା ।"
\p
\s5
\v 6 ଆଉ, ଗୋମର ପୁନର୍ବାର ଗର୍ଭଧାରଣ କରି ଏକ କନ୍ୟା ପ୍ରସବ କଲା ।
\q ଆଉ, ସଦାପ୍ରଭୁ ତାହାକୁ କହିଲେ,
\q "ତୁମ୍ଭେ ତାହାର ନାମ ଲୋ-ରୁହାମା (ଅଦୟା ପାତ୍ରୀ) ରଖ;
\q କାରଣ ଆମ୍ଭେ କୌଣସି ପ୍ରକାରେ ଇସ୍ରାଏଲ ବଂଶକୁ କ୍ଷମା କରିବା ପାଇଁ
\q ସେମାନଙ୍କ ପ୍ରତି ଆଉ ଦୟା ପ୍ରକାଶ କରିବା ନାହିଁ ।
\q
\v 7 ମାତ୍ର ଆମ୍ଭେ ଯିହୁଦା ବଂଶ ପ୍ରତି ଦୟା କରିବା
\q ଓ ଧନୁ, ଖଡ୍ଗ, ଯୁଦ୍ଧ କି ଅଶ୍ୱଗଣ କିଅବା
\q ଅଶ୍ୱାରୋହୀଗଣ ଦ୍ୱାରା ସେମାନଙ୍କୁ ଉଦ୍ଧାର ନ କରି
\q ସଦାପ୍ରଭୁ ସେମାନଙ୍କ ପରମେଶ୍ୱରଙ୍କ ଦ୍ୱାରା ଉଦ୍ଧାର କରିବା ।"
\p
\s5
\v 8 ସେହି ସ୍ତ୍ରୀ ଲୋ-ରୁହାମାକୁ ସ୍ତନ୍ୟପାନ ତ୍ୟାଗ କରାଇଲା ଉତ୍ତାରେ ଗର୍ଭଧାରଣ କରି ଏକ ପୁତ୍ର ପ୍ରସବ କଲା ।
\q
\v 9 ତହିଁରେ ସଦାପ୍ରଭୁ କହିଲେ,
\q "ତୁମ୍ଭେ ତାହାର ନାମ ଲୋ-ଆମୀ (ଆମ୍ଭର ଲୋକ ନୁହେଁ) ରଖ;
\q କାରଣ ତୁମ୍ଭେମାନେ ଆମ୍ଭର ଲୋକ ନୁହଁ
\q ଓ ଆମ୍ଭେ ତୁମ୍ଭମାନଙ୍କର ପରମେଶ୍ୱର ହେବା ନାହିଁ ।"
\p
\q
\s5
\v 10 ତଥାପି ଇସ୍ରାଏଲ ସନ୍ତାନଗଣର ସଂଖ୍ୟା
\q ସମୁଦ୍ରର ବାଲୁକା ତୁଲ୍ୟ ଅପରିମେୟ ଓ ଅସଂଖ୍ୟ ହେବ;
\q ପୁଣି, ଯେଉଁ ସ୍ଥଳରେ ସେମାନଙ୍କୁ,
\q "ତୁମ୍ଭେମାନେ ଆମ୍ଭର ଲୋକ ନୁହଁ" ବୋଲି କୁହା ଯାଇଥିଲା,
\q ସେହି ସ୍ଥଳରେ ସେମାନଙ୍କୁ କୁହାଯିବ ଯେ,
\q "ତୁମ୍ଭେମାନେ ଜୀବିତ ପରମେଶ୍ୱରଙ୍କର ସନ୍ତାନଗଣ ଅଟ ।"
\p
\v 11 ଆଉ, ଯିହୁଦାର ସନ୍ତାନଗଣ ଓ ଇସ୍ରାଏଲର ସନ୍ତାନଗଣ
\q ଏକତ୍ର ସଂଗ୍ରହ କରାଯିବେ ଓ ସେମାନେ ଆପଣାମାନଙ୍କ ଉପରେ
\q ଏକ ଜଣକୁ ପ୍ରଧାନ ରୂପେ ନିଯୁକ୍ତ କରି ଦେଶରୁ ଯାତ୍ରା କରିବେ;
\q କାରଣ ଯିଷ୍ରିୟେଲର ଦିନ ମହତ୍ ଦିନ ହେବ ।
\s5
\c 2
\s ଇସ୍ରାଏଲର ଅବିଶ୍ୱସ୍ତତାର ଶାସ୍ତି
\p
\q
\v 1 ତୁମ୍ଭେମାନେ ଆପଣାମାନଙ୍କର ଭ୍ରାତୃଗଣଙ୍କୁ "ଅମ୍ମି (ଆମ୍ଭର ଲୋକ)"
\q ଓ ଆପଣାମାନଙ୍କର ଭଗିନୀଗଣଙ୍କୁ "ରୁହାମା (ଦୟାପାତ୍ରୀ)" ବୋଲି କୁହ ।
\p
\q
\s5
\v 2 ତୁମ୍ଭେମାନେ ଆପଣା ମାତା ସହିତ ବାଦାନୁବାଦ କର;
\q କାରଣ ସେ ଆମ୍ଭର ଭାର୍ଯ୍ୟା ନୁହେଁ, କିଅବା ଆମ୍ଭେ ତାହାର ସ୍ୱାମୀ ନୋହୁଁ;
\q ସେ ଆପଣା ଦୃଷ୍ଟିରୁ ଆପଣା ବେଶ୍ୟାଚାର
\q ଓ ଆପଣା ସ୍ତନଦ୍ୱୟର ମଧ୍ୟରୁ ବ୍ୟଭିଚାର ଦୂର କରୁ;
\q
\v 3 ନୋହିଲେ ଅବା ଆମ୍ଭେ ତାହାକୁ ବିବସ୍ତ୍ରା କରିବା
\q ଓ ସେ ଜନ୍ମ ଦିନରେ ଯେରୂପ ଥିଲା, ସେରୂପ କରି ତାହାକୁ ରଖିବା;
\q ପୁଣି, ତାହାକୁ ପ୍ରାନ୍ତରର ତୁଲ୍ୟ କରିବା
\q ଓ ମରୁଭୂମି ତୁଲ୍ୟ କରି ତୃଷାରେ ତାହାକୁ ବଧ କରିବା;
\p
\q
\s5
\v 4 ଆହୁରି, ଆମ୍ଭେ ତାହାର ସନ୍ତାନଗଣ ପ୍ରତି ଦୟା କରିବା ନାହିଁ,
\q କାରଣ ସେମାନେ ବେଶ୍ୟାଚାରରୁ ଜାତ ସନ୍ତାନ ।
\q
\v 5 ଯେହେତୁ ସେମାନଙ୍କର ମାତା ବେଶ୍ୟାବୃତ୍ତି କରିଅଛି;
\q ସେମାନଙ୍କର ଗର୍ଭଧାରିଣୀ ଲଜ୍ଜାକର କର୍ମ କରିଅଛି;
\q କାରଣ ସେ କହିଲା, "ମୋର ଯେଉଁ ପ୍ରେମିକଗଣ ମୋତେ ଅନ୍ନ, ଜଳ,
\q ମେଷଲୋମ, ମସିନାବସ୍ତ୍ର, ତୈଳ ଓ ମୋର ପେୟଦ୍ରବ୍ୟ ମୋତେ ଦିଅନ୍ତି,
\q ମୁଁ ସେମାନଙ୍କର ପଛେ ପଛେ ଯିବି ।"
\p
\q
\s5
\v 6 ଏଥିପାଇଁ ଦେଖ, ଆମ୍ଭେ କଣ୍ଟା ଦ୍ୱାରା ତୁମ୍ଭର ପଥ ରୁଦ୍ଧ କରିବା
\q ଓ ଆମ୍ଭେ ତାହାର ବିରୁଦ୍ଧରେ ବାଡ଼ ବାନ୍ଧିବା,
\q ତହିଁରେ ସେ ଆପଣା ପଥ ପାଇବ ନାହିଁ ।
\q
\v 7 ପୁଣି, ସେ ଆପଣା ପ୍ରେମିକଗଣର ପଛେ ପଛେ ଯିବ,
\q ମାତ୍ର ସେ ସେମାନଙ୍କର ସଙ୍ଗ ଧରିବ ନାହିଁ
\q ଓ ସେ ସେମାନଙ୍କର ଅନ୍ଵେଷଣ କରିବ, ମାତ୍ର ଉଦ୍ଦେଶ୍ୟ ପାଇବ ନାହିଁ;
\q ତହୁଁ ସେ କହିବ, "ମୁଁ ଫେରି ଆପଣା ପ୍ରଥମ ସ୍ୱାମୀ ନିକଟକୁ ଯିବି;
\q କାରଣ ବର୍ତ୍ତମାନ ଅପେକ୍ଷା ସେତେବେଳେ ମୋର ମଙ୍ଗଳ ଥିଲା ।"
\q
\s5
\v 8 "ଯେହେତୁ ଆମ୍ଭେ ଯେ ତାହାକୁ ଶସ୍ୟ, ଦ୍ରାକ୍ଷାରସ ଓ ତୈଳ ଦେଲୁ
\q ଓ ତାହାର ରୂପା ଓ ସୁନା ବୃଦ୍ଧି କଲୁ, ଏହା ସେ ଜାଣିଲା ନାହିଁ,
\q ସେମାନେ ସେହି ରୂପା, ସୁନା ବାଲ୍‍ଦେବ ଉଦ୍ଦେଶ୍ୟରେ ବ୍ୟୟ କଲେ ।
\p
\q
\v 9 ଏଥିପାଇଁ ଆମ୍ଭେ ଶସ୍ୟ ସମୟରେ ଆମ୍ଭର ଶସ୍ୟ
\q ଓ ଦ୍ରାକ୍ଷାରସର ଋତୁରେ ଆମ୍ଭର ଦ୍ରାକ୍ଷାରସ ଫେରାଇ ନେବା,
\q ଯାହା ଦ୍ୱାରା ତାହାର ଉଲଙ୍ଗତା ଆଚ୍ଛାଦିତ ହୁଅନ୍ତା,
\q ଆମ୍ଭର ସେହି ମେଷଲୋମ ଓ ମସିନା ଛଡ଼ାଇ ନେବା ।
\q
\s5
\v 10 ପୁଣି, ଏବେ ଆମ୍ଭେ ତାହାର ପ୍ରେମିକଗଣର ସାକ୍ଷାତରେ ତାହାର ଭ୍ରଷ୍ଟତା ପ୍ରକାଶ କରିବା
\q ଓ ଆମ୍ଭ ହସ୍ତରୁ କେହି ତାହାକୁ ଉଦ୍ଧାର କରିବେ ନାହିଁ ।
\q
\v 11 ଆହୁରି, ଆମ୍ଭେ ତାହାର ସକଳ ଆମୋଦ, ତାହାର ଉତ୍ସବ,
\q ଅମାବାସ୍ୟା, ବିଶ୍ରାମ ଦିନ ଓ ତାହାର ମହାସଭା ସକଳ ବନ୍ଦ କରିବା ।
\p
\q
\s5
\v 12 ଆଉ, ସେ ଆପଣାର ଯେଉଁ ଦ୍ରାକ୍ଷାଲତା ଓ ଡିମ୍ୱିରି ବୃକ୍ଷ ବିଷୟରେ କହିଥିଲା
\q 'ଏହି ସବୁ ମୋର ପ୍ରେମିକଗଣ ମୋର ବର୍ତ୍ତନ ସ୍ୱରୂପେ ମୋତେ ଦେଇଅଛନ୍ତି',
\q ସେହି ସବୁ ଆମ୍ଭେ ଉଜାଡ଼ କରିବା; ଆଉ, ଆମ୍ଭେ ସେହିସବୁକୁ ଅରଣ୍ୟ କରିବା,
\q ତହିଁରେ ବନ୍ୟ ପଶୁଗଣ ତାହା ଖାଇ ପକାଇବେ ।
\q
\v 13 ପୁଣି, ଯେଉଁମାନଙ୍କ ଉଦ୍ଦେଶ୍ୟରେ ସେ ଧୂପ ଜ୍ୱଳାଇଲା,
\q ସେହି ବାଲ୍‍ ଦେବଗଣର (ପ୍ରତିଷ୍ଠିତ) ଦିନସମୂହର ପ୍ରତିଫଳ ଆମ୍ଭେ ତାହାକୁ ଭୋଗ କରାଇବା;
\q ସେହି ସମୟରେ ସେ କର୍ଣ୍ଣକୁଣ୍ଡଳ ଓ ଅଳଙ୍କାର ଇତ୍ୟାଦିରେ ଆପଣାକୁ ଭୂଷିତା କରି
\q ଆପଣା ପ୍ରେମିକଗଣର ପଛେ ପଛେ ଗଲା ଓ ଆମ୍ଭକୁ ଭୁଲିଲା," ଏହା ସଦାପ୍ରଭୁ କହନ୍ତି ।
\s ଇସ୍ରାଏଲ ପ୍ରତି ଈଶ୍ୱରଙ୍କ ପ୍ରେମ
\p
\q
\s5
\v 14 "ଏଥିନିମନ୍ତେ ଦେଖ, ଆମ୍ଭେ ତାହାର ମନକୁ ଆକର୍ଷଣ କରି
\q ତାହାକୁ ପ୍ରାନ୍ତରକୁ ଆଣିବା ଓ ତାହାକୁ ଚିତ୍ତ ପ୍ରବୋଧକ କଥା କହିବା ।
\q
\v 15 ପୁଣି, ସେହି ସ୍ଥାନରୁ ଆମ୍ଭେ ତାହାକୁ ତାହାର ଦ୍ରାକ୍ଷାକ୍ଷେତ୍ର
\q ଓ ଭରସାରୂପ ଦ୍ୱାର ନିମନ୍ତେ ଆଖୋର ଉପତ୍ୟକା ଦେବା;
\q ପୁଣି, ସେ ଯେପରି ଆପଣା ଯୌବନ କାଳରେ
\q ଓ ମିସର ଦେଶରୁ ଆସିବା ଦିନରେ ଉତ୍ତର କରିଥିଲା,
\q ସେପରି ସେହି ସ୍ଥାନରେ ଉତ୍ତର କରିବ ।"
\p
\q
\s5
\v 16 ଆଉ, ସଦାପ୍ରଭୁ କହନ୍ତି,
\q "ସେହି ଦିନ ତୁମ୍ଭେ ଆମ୍ଭକୁ 'ଈଶୀ (ଆମ୍ଭର ସ୍ୱାମୀ)' ବୋଲି ଡାକିବ
\q ଓ 'ବାଲୀ (କର୍ତ୍ତା)' ବୋଲି ଆଉ ଡାକିବ ନାହିଁ ।"
\q
\v 17 କାରଣ ଆମ୍ଭେ ତାହାର ମୁଖରୁ ବାଲ୍‍ ଦେବଗଣର ନାମସବୁ ଦୂର କରିବା,
\q ପୁଣି ସେହି ନାମସବୁ ପୁନର୍ବାର ଧରାଯିବ ନାହିଁ ।
\q
\s5
\v 18 ଆଉ, ସେହି ଦିନ ଆମ୍ଭେ ସେମାନଙ୍କ ନିମନ୍ତେ କ୍ଷେତ୍ରସ୍ଥ ବନ୍ୟ ପଶୁ
\q ଓ ଆକାଶସ୍ଥ ପକ୍ଷୀ ଓ ଭୂମିସ୍ଥ ଉରୋଗାମୀ ଜନ୍ତୁଗଣର ସହିତ ନିୟମ କରିବା
\q ଓ ଆମ୍ଭେ ଦେଶରୁ ଧନୁ, ଖଡ୍ଗ ଓ ଯୁଦ୍ଧ ଉଚ୍ଛିନ୍ନ କରିବା,
\q ଆଉ ସେମାନଙ୍କୁ ନିରାପଦରେ ଶୟନ କରାଇବା ।
\p
\q
\s5
\v 19 ପୁଣି, ଆମ୍ଭେ ଚିରକାଳ ନିମନ୍ତେ ଆମ୍ଭ ପାଇଁ ତୁମ୍ଭକୁ ବାଗ୍‍ଦାନ କରିବା;
\q ହଁ, ଆମ୍ଭେ ତୁମ୍ଭକୁ ଧର୍ମରେ, ନ୍ୟାୟ ବିଚାରରେ,
\q ସ୍ନେହପୂର୍ଣ୍ଣ କରୁଣାରେ ଓ ଦୟାରେ ଆମ୍ଭ ପାଇଁ ବାଗ୍‍ଦାନ କରିବା ।
\q
\v 20 ଆମ୍ଭେ ତୁମ୍ଭକୁ ବିଶ୍ୱସ୍ତତାରେ ଆମ୍ଭ ପାଇଁ ବାଗ୍‍ଦାନ କରିବା;
\q ତହିଁରେ ତୁମ୍ଭେ ସଦାପ୍ରଭୁଙ୍କୁ ଜ୍ଞାତ ହେବ ।"
\p
\q
\s5
\v 21 ଆହୁରି, ସଦାପ୍ରଭୁ କହନ୍ତି, "ସେହି ଦିନ ଆମ୍ଭେ ଉତ୍ତର ଦେବା,
\q ଆମ୍ଭେ ଆକାଶମଣ୍ଡଳକୁ ଉତ୍ତର ଦେବା ଓ ଆକାଶମଣ୍ଡଳ ପୃଥିବୀକୁ ଉତ୍ତର ଦେବ;
\q
\v 22 ପୁଣି, ପୃଥିବୀ ଶସ୍ୟକୁ, ଦ୍ରାକ୍ଷାରସକୁ ଓ ତୈଳକୁ ଉତ୍ତର ଦେବ;
\q ଆଉ, ସେହି ସମସ୍ତେ ଯିଷ୍ରିୟେଲକୁ ଉତ୍ତର ଦେବେ;
\q
\s5
\v 23 ପୁଣି, ଆମ୍ଭେ ଆପଣା ପାଇଁ ତାହାକୁ ଦେଶରେ ରୋପଣ କରିବା;
\q ତହିଁରେ ଯେ ଦୟା ପାଇ ନ ଥିଲା, ତାହା ପ୍ରତି ଆମ୍ଭେ ଦୟା କରିବା;
\q ଆଉ, ଯେଉଁମାନେ ଆମ୍ଭର ଲୋକ ନ ଥିଲେ, ସେମାନଙ୍କୁ ଆମ୍ଭେ କହିବା,
\q 'ତୁମ୍ଭେ ଆମ୍ଭର ଲୋକ' ଓ ସେମାନେ କହିବେ, 'ତୁମ୍ଭେ ଆମ୍ଭର ପରମେଶ୍ୱର ।'"
\s5
\c 3
\s ହୋଶେୟଙ୍କର ଭାର୍ଯ୍ୟା କ୍ରୟ
\p
\v 1 ଏଥିଉତ୍ତାରେ ସଦାପ୍ରଭୁ ଆମ୍ଭକୁ କହିଲେ, "ଇସ୍ରାଏଲ ସନ୍ତାନଗଣ ଅନ୍ୟ ଦେବଗଣର ପ୍ରତି ଫେରିଲେ ମଧ୍ୟ ଓ ଦ୍ରାକ୍ଷାଚକ୍ତି ଭଲ ପାଇଲେ ମଧ୍ୟ ସଦାପ୍ରଭୁ ଯେଉଁପରି ସେମାନଙ୍କୁ ପ୍ରେମ କରନ୍ତି, ସେହିପରି ତୁମ୍ଭେ ପୁନଶ୍ଚ ଯାଇ ଆପଣା ମିତ୍ରର ପ୍ରିୟତମା ଅଥଚ ବ୍ୟଭିଚାରିଣୀ ଏକ ସ୍ତ୍ରୀକୁ ପ୍ରେମ କର ।"
\v 2 ତହିଁରେ ମୁଁ ପନ୍ଦର ରୌପ୍ୟ ମୁଦ୍ରା, ଏକ ହୋମର ଓ ଅର୍ଦ୍ଧ ହୋମର ଯବ ଦେଇ ସେ ସ୍ତ୍ରୀକୁ କିଣିଲି;
\v 3 ଆଉ, ମୁଁ ତାହାକୁ କହିଲି, "ତୁମ୍ଭେ ଅନେକ ଦିନ ପର୍ଯ୍ୟନ୍ତ ମୋ' ନିମନ୍ତେ ରହିବ; ତୁମ୍ଭେ ବେଶ୍ୟାବୃତ୍ତି କରିବ ନାହିଁ ଓ ତୁମ୍ଭେ ଅନ୍ୟ କୌଣସି ପୁରୁଷର ଭାର୍ଯ୍ୟା ହେବ ନାହିଁ ଓ ମୁଁ ମଧ୍ୟ ତୁମ୍ଭ ପ୍ରତି ସେହିପରି ବ୍ୟବହାର କରିବି ।
\p
\s5
\v 4 କାରଣ ଇସ୍ରାଏଲ ସନ୍ତାନଗଣ ଅନେକ ଦିନ ପର୍ଯ୍ୟନ୍ତ ରାଜାହୀନ, ଅଧିପତିହୀନ, ଯଜ୍ଞହୀନ, ସ୍ତମ୍ଭହୀନ ଓ ଏଫୋଦ ଅବା ଠାକୁରହୀନ ହୋଇ ରହିବେ;
\v 5 ଏଥିଉତ୍ତାରେ ଇସ୍ରାଏଲ ସନ୍ତାନଗଣ ଫେରି ଆସିବେ ଓ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କୁ ଓ ଆପଣାମାନଙ୍କର ରାଜା ଦାଉଦଙ୍କୁ ଅନ୍ଵେଷଣ କରିବେ; ଆଉ, ଶେଷ କାଳରେ ସେମାନେ ଭୟଯୁକ୍ତ ହୋଇ ସଦାପ୍ରଭୁଙ୍କ ନିକଟକୁ ଓ ତାହାଙ୍କ ଅନୁଗ୍ରହର ନିକଟକୁ ଆସିବେ ।"
\s5
\c 4
\s ଇସ୍ରାଏଲ ବିରୁଦ୍ଧରେ ପରମେଶ୍ୱରଙ୍କ ଅଭିଯୋଗ
\p
\q
\v 1 ହେ ଇସ୍ରାଏଲ ସନ୍ତାନଗଣ, ତୁମ୍ଭେମାନେ ସଦାପ୍ରଭୁଙ୍କର ବାକ୍ୟ ଶୁଣ;
\q କାରଣ ଦେଶରେ ସତ୍ୟ ଅବା ଦୟା କିଅବା ପରମେଶ୍ୱର ବିଷୟକ ଜ୍ଞାନ ନ ଥିବାରୁ
\q ଦେଶନିବାସୀଗଣ ସହିତ ସଦାପ୍ରଭୁଙ୍କର ବିବାଦ ଅଛି ।
\q
\v 2 ଅଭିଶାପ ଦେବା, ବିଶ୍ୱାସଲଙ୍ଘନ, ବଧ, ଚୋରି ଓ ବ୍ୟଭିଚାର ବିନା ସେଠାରେ ଆଉ କିଛି ନାହିଁ;
\q ଲୋକମାନେ ବିଦ୍ରୋହୀ ହୋଇ ଉଠନ୍ତି ଓ ରକ୍ତପାତ ଉପରେ ରକ୍ତପାତ କରାଯାଏ ।
\p
\q
\s5
\v 3 ଏଥିପାଇଁ ଦେଶ ବିଳାପ କରିବ ଓ ତହିଁର ନିବାସୀ ପ୍ରତ୍ୟେକ ଲୋକ,
\q କ୍ଷେତ୍ରସ୍ଥ ବନ୍ୟ ପଶୁ ଓ ଆକାଶସ୍ଥ ପକ୍ଷୀଗଣ ସହିତ ଦୁର୍ବଳ ହେବେ;
\q ହଁ, ସମୁଦ୍ରର ମତ୍ସ୍ୟଗଣ ମଧ୍ୟ ଦୂରୀକୃତ ହେବେ ।
\p
\q
\s5
\v 4 ତଥାପି କୌଣସି ମନୁଷ୍ୟ ବିବାଦ ନ କରୁ, କିଅବା କୌଣସି ମନୁଷ୍ୟ ଅନୁଯୋଗ ନ କରୁ;
\q କାରଣ ତୁମ୍ଭର ଲୋକମାନେ ଯାଜକ ସହିତ ବିବାଦକାରୀ ଲୋକମାନଙ୍କର ତୁଲ୍ୟ ଅଟନ୍ତି ।
\q
\v 5 ପୁଣି, ତୁମ୍ଭେ ଦିନବେଳେ ଝୁଣ୍ଟି ପଡ଼ିବ
\q ଓ ଭବିଷ୍ୟଦ୍‍ବକ୍ତା ମଧ୍ୟ ରାତ୍ରିକାଳରେ ତୁମ୍ଭ ସଙ୍ଗେ ଝୁଣ୍ଟି ପଡ଼ିବ;
\q ଆଉ, ଆମ୍ଭେ ତୁମ୍ଭର ମାତାକୁ ବିନାଶ କରିବା ।
\p
\q
\s5
\v 6 ଆମ୍ଭର ଲୋକମାନେ ଜ୍ଞାନର ଅଭାବ ସକାଶୁ ବିନଷ୍ଟ ହୋଇଅଛନ୍ତି;
\q କାରଣ ତୁମ୍ଭେ ଜ୍ଞାନ ଅଗ୍ରାହ୍ୟ କରିଅଛ, ଆମ୍ଭେ ମଧ୍ୟ ତୁମ୍ଭକୁ ଅଗ୍ରାହ୍ୟ କରିବା,
\q ତହିଁରେ ତୁମ୍ଭେ ଆମ୍ଭର ଯାଜକ ହେବ ନାହିଁ;
\q ତୁମ୍ଭେ ଆପଣା ପରମେଶ୍ୱରଙ୍କ ବ୍ୟବସ୍ଥା ପାସୋରିବାରୁ
\q ଆମ୍ଭେ ମଧ୍ୟ ତୁମ୍ଭ ସନ୍ତାନଗଣକୁ ପାସୋରି ଯିବା ।
\q
\v 7 ସେମାନେ ଯେତେ ଅଧିକ ବୃଦ୍ଧି ପାଇଲେ
\q ସେତେ ଅଧିକ ଆମ୍ଭ ବିରୁଦ୍ଧରେ ପାପ କଲେ;
\q ଆମ୍ଭେ ସେମାନଙ୍କର ଗୌରବ ଅପମାନରେ ପରିଣତ କରିବା ।
\q
\s5
\v 8 ସେମାନେ ଆମ୍ଭ ଲୋକମାନଙ୍କ ପାପରେ ପ୍ରତିପୋଷିତ ହୁଅନ୍ତି,
\q ଆଉ ସେମାନଙ୍କ ଅଧର୍ମରେ ଆପଣା ଆପଣା ଅନ୍ତଃକରଣକୁ ଆସକ୍ତ କରନ୍ତି ।
\p
\q
\v 9 ଏଣୁ ଯେପରି ଲୋକମାନଙ୍କ ଉପରେ ସେହିପରି ଯାଜକମାନଙ୍କ ଉପରେ ବର୍ତ୍ତିବ;
\q ପୁଣି, ଆମ୍ଭେ ସେମାନଙ୍କ ଆଚରଣ ଅନୁଯାୟୀ ସେମାନଙ୍କୁ ଦଣ୍ଡ ଦେବା
\q ଓ ସେମାନଙ୍କ କର୍ମାନୁସାରେ ସେମାନଙ୍କୁ ପ୍ରତିଫଳ ଦେବା ।
\q
\s5
\v 10 ତହିଁରେ ସେମାନେ ଭୋଜନ କଲେ ମଧ୍ୟ ତୃପ୍ତ ହେବେ ନାହିଁ;
\q ବ୍ୟଭିଚାର କଲେ ମଧ୍ୟ ବହୁବଂଶ ହେବେ ନାହିଁ;
\q କାରଣ ସେମାନେ ସଦାପ୍ରଭୁଙ୍କୁ ପରିତ୍ୟାଗ କରିଅଛନ୍ତି ।
\p
\q
\s5
\v 11 ବ୍ୟଭିଚାର, ମଦ୍ୟ ଓ ନୂତନ ଦ୍ରାକ୍ଷାରସ ବୁଦ୍ଧି ହରଣ କରେ ।
\q
\v 12 ଆମ୍ଭର ଲୋକମାନେ ଆପଣା କାଷ୍ଠଖଣ୍ଡର ନିକଟରେ ମନ୍ତ୍ରଣା ଚାହାଁନ୍ତି
\q ଓ ସେମାନଙ୍କର ଯଷ୍ଟି ସେମାନଙ୍କ ପ୍ରତି (କଥା) ପ୍ରକାଶ କରେ;
\q କାରଣ ବ୍ୟଭିଚାରର ଆତ୍ମା ସେମାନଙ୍କୁ ଭ୍ରାନ୍ତ କରିଅଛି,
\q ପୁଣି ସେମାନେ ପରମେଶ୍ୱରଙ୍କ ଅଧୀନତାରୁ ଯାଇ ବ୍ୟଭିଚାର କରିଅଛନ୍ତି ।
\q
\s5
\v 13 ସେମାନେ ପର୍ବତମାନର ଶୃଙ୍ଗରେ ବଳିଦାନ କରନ୍ତି
\q ଓ ଉପପର୍ବତଗଣର ଉପରେ ଅଲୋନ, ଲିବ୍‍ନି
\q ଓ ଏଲା ବୃକ୍ଷ ତଳେ ଧୂପ ଜଳାନ୍ତି, କାରଣ ତହିଁର ଛାୟା ଉତ୍ତମ;
\q ଏଥିପାଇଁ ତୁମ୍ଭର କନ୍ୟାଗଣ ବେଶ୍ୟାଚାର କରନ୍ତି ଓ ତୁମ୍ଭର ବଧୂଗଣ ବ୍ୟଭିଚାର କରନ୍ତି ।
\q
\v 14 ତୁମ୍ଭର କନ୍ୟାଗଣ ବେଶ୍ୟାଚାର କଲା ବେଳେ
\q ଓ ତୁମ୍ଭର ବଧୂଗଣ ବ୍ୟଭିଚାର କଲା ବେଳେ
\q ଆମ୍ଭେ ସେମାନଙ୍କୁ ଶାସ୍ତି ଦେବା ନାହିଁ;
\q କାରଣ ସେମାନେ ଆପେ ବେଶ୍ୟାମାନଙ୍କ ସଙ୍ଗେ ଦେବଗଣର ମନ୍ଦିରକୁ ଯାଆନ୍ତି
\q ଓ ମାହାରୀମାନଙ୍କ ସଙ୍ଗେ ବଳିଦାନ କରନ୍ତି;
\q ଯେଉଁ ଲୋକମାନେ ବୁଝନ୍ତି ନାହିଁ, ସେମାନେ ଉତ୍ପାଟିତ ହେବେ ।
\p
\q
\s5
\v 15 ହେ ଇସ୍ରାଏଲ, ତୁମ୍ଭେ ଯଦ୍ୟପି ବେଶ୍ୟାବୃତ୍ତି କର,
\q ତଥାପି ଯିହୁଦା ସେପରି ଦୋଷଗ୍ରସ୍ତ ନ ହେଉ;
\q ଆଉ, ତୁମ୍ଭେମାନେ ଗିଲ୍‍ଗଲ୍‍ରେ ଉପସ୍ଥିତ ହୁଅ ନାହିଁ,
\q କିଅବା ବୈଥ୍‍-ଆବନକୁ ଯାଅ ନାହିଁ;
\q ଅଥବା ସେଠାରେ ଜୀବିତ ସଦାପ୍ରଭୁ ବୋଲି ଶପଥ କର ନାହିଁ ।
\q
\v 16 କାରଣ ସ୍ଵେଚ୍ଛାଚାରିଣୀ ଗାଭୀ ତୁଲ୍ୟ ଇସ୍ରାଏଲ ଆପେ ସ୍ଵେଚ୍ଛାଚାରୀ ହୋଇଅଛି;
\q ଏବେ ସଦାପ୍ରଭୁ ସେମାନଙ୍କୁ ମେଷଶାବକ ପରି ପ୍ରଶସ୍ତ ସ୍ଥାନରେ ଚରାଇବେ ।
\p
\q
\s5
\v 17 ଇଫ୍ରୟିମ ପ୍ରତିମାଗଣ ପ୍ରତି ଆସକ୍ତ ହୋଇଅଛି; ତାକୁ ଛାଡ଼ି ଦିଅ ।
\q
\v 18 ସେମାନଙ୍କର ପେୟ ଦ୍ରବ୍ୟ ଅମ୍ଳ ହୋଇଅଛି;
\q ସେମାନେ ଅବିରତ ବେଶ୍ୟାଗମନ କରନ୍ତି;
\q ତାହାର ଶାସନକର୍ତ୍ତାମାନେ ଅପମାନକୁ ଅତିଶୟ ଭଲ ପାଆନ୍ତି ।
\q
\v 19 ବାୟୁ ତାହାକୁ ଆପଣା ପକ୍ଷରେ ଆଚ୍ଛାଦନ କରିଅଛି
\q ଓ ସେମାନେ ଆପଣାମାନଙ୍କର ବଳିଦାନ ସକାଶୁ ଲଜ୍ଜିତ ହେବେ ।
\s5
\c 5
\s ଇସ୍ରାଏଲ ଓ ଯିହୁଦାର ଶାସ୍ତି
\p
\q
\v 1 ହେ ଯାଜକଗଣ, ଏହା ଶୁଣ, ହେ ଇସ୍ରାଏଲ ବଂଶ, ମନୋଯୋଗ କର,
\q ହେ ରାଜବଂଶ, କର୍ଣ୍ଣପାତ କର, କାରଣ ବିଚାର ତୁମ୍ଭମାନଙ୍କ ସମ୍ବନ୍ଧୀୟ;
\q ତୁମ୍ଭେମାନେ ମିସ୍ପାରେ ଫାନ୍ଦ ସ୍ୱରୂପ ଓ ତାବୋରରେ ପ୍ରସାରିତ ଜାଲ ସ୍ୱରୂପ ହୋଇଅଛ ।
\q
\v 2 ପୁଣି, ଅତ୍ୟାଚାରୀମାନେ ହତ୍ୟା କରିବାରେ ଗଭୀରକୁ ଯାଇଅଛନ୍ତି;
\q ମାତ୍ର ଆମ୍ଭେ ସେହି ସମସ୍ତଙ୍କର ଅନୁଯୋଗକାରୀ ଅଟୁ ।
\p
\q
\s5
\v 3 ଆମ୍ଭେ ଇଫ୍ରୟିମକୁ ଜାଣୁ ଓ ଇସ୍ରାଏଲ ଆମ୍ଭର ଅଗୋଚର ନୁହେଁ;
\q କାରଣ ହେ ଇଫ୍ରୟିମ, ତୁମ୍ଭେ ଏବେ ବେଶ୍ୟାବୃତ୍ତି କରିଅଛ, ଇସ୍ରାଏଲ ଅଶୁଚି ହୋଇଅଛି ।
\q
\v 4 ସେମାନଙ୍କର କ୍ରିୟାସକଳ ସେମାନଙ୍କୁ
\q ଆପଣାମାନଙ୍କ ପରମେଶ୍ୱରଙ୍କ ନିକଟକୁ ଫେରିବାକୁ ଦେବ ନାହିଁ;
\q କାରଣ ସେମାନଙ୍କ ଅନ୍ତରରେ ବ୍ୟଭିଚାରର ଆତ୍ମା ଅଛି
\q ଓ ସେମାନେ ସଦାପ୍ରଭୁଙ୍କୁ ଜାଣନ୍ତି ନାହିଁ ।
\p
\q
\s5
\v 5 ପୁଣି, ଇସ୍ରାଏଲର ଦର୍ପ ତାହାର ମୁଖ ଆଗରେ ସାକ୍ଷ୍ୟ ଦିଏ;
\q ଏଥିପାଇଁ ଇସ୍ରାଏଲ ଓ ଇଫ୍ରୟିମ ଆପଣାମାନଙ୍କ ଅଧର୍ମରେ ଝୁଣ୍ଟି ପଡ଼ିବେ ।
\q
\v 6 ସେମାନେ ଆପଣାମାନଙ୍କର ମେଷପଲ ଓ ଗୋପଲ ଘେନି ସଦାପ୍ରଭୁଙ୍କର ଅନ୍ଵେଷଣ କରିବା ପାଇଁ ଯିବେ;
\q ମାତ୍ର ତାହାଙ୍କର ଉଦ୍ଦେଶ୍ୟ ପାଇବେ ନାହିଁ;
\q କାରଣ ସେ ସେମାନଙ୍କ ନିକଟରୁ ଚାଲି ଯାଇଅଛନ୍ତି ।
\q
\v 7 ସେମାନେ ସଦାପ୍ରଭୁଙ୍କ ବିରୁଦ୍ଧରେ ବିଶ୍ୱାସ ଘାତକତା କରିଅଛନ୍ତି;
\q କାରଣ ସେମାନେ ଅବୈଧ ସନ୍ତାନ ଉତ୍ପନ୍ନ କରିଅଛନ୍ତି;
\q ଏବେ ଅମାବାସ୍ୟା ସେମାନଙ୍କୁ ଓ ସେମାନଙ୍କ କ୍ଷେତ୍ରସବୁକୁ ଗ୍ରାସ କରିବ ।
\p
\q
\s5
\v 8 ତୁମ୍ଭେମାନେ ଗିବୀୟାରେ ଶିଙ୍ଗା ଧ୍ୱନି କର,
\q ରାମାରେ ତୂରୀ ବଜାଅ;
\q ବୈଥ୍-ଆବନରେ ଭୟାନକ ସିଂହନାଦ କର;
\q ତୁମ୍ଭ ପଛେ, ହେ ବିନ୍ୟାମୀନ୍‍,
\q
\v 9 ଭର୍ତ୍ସନା ଦିନରେ ଇଫ୍ରୟିମ ଧ୍ୱଂସର ସ୍ଥାନ ହେବ; ଯାହା ନିଶ୍ଚୟ ଘଟିବ,
\q ତାହା ଆମ୍ଭେ ଇସ୍ରାଏଲ ଗୋଷ୍ଠୀମାନଙ୍କ ମଧ୍ୟରେ ଜ୍ଞାତ କରାଇଅଛୁ ।
\q
\s5
\v 10 ଯେଉଁମାନେ ସୀମାର ଚିହ୍ନ ଘୁଞ୍ଚାନ୍ତି, ଯିହୁଦାର ଅଧିପତିଗଣ ସେମାନଙ୍କ ତୁଲ୍ୟ ହୋଇଅଛନ୍ତି;
\q ଆମ୍ଭେ ସେମାନଙ୍କ ଉପରେ ଆପଣା କ୍ରୋଧ ଜଳ ପରି ଢାଳିବା ।
\p
\q
\v 11 ଇଫ୍ରୟିମ ସନ୍ତୁଷ୍ଟ ହୋଇ ମନୁଷ୍ୟର ଆଜ୍ଞାନୁସାରେ ଚାଲିଥିବାରୁ
\q ସେ ଉପଦ୍ରବଗ୍ରସ୍ତ ହୋଇଅଛି ଓ ବିଚାରରେ କଷ୍ଟ ପାଇଅଛି ।
\q
\s5
\v 12 ଏଥିସକାଶୁ ଆମ୍ଭେ ଇଫ୍ରୟିମ ପକ୍ଷରେ କୀଟ ସ୍ୱରୂପ
\q ଓ ଯିହୁଦା ବଂଶ ପକ୍ଷରେ କ୍ଷୟ ସ୍ୱରୂପ ହୋଇଅଛୁ ।
\q
\v 13 ଯେତେବେଳେ ଇଫ୍ରୟିମ ଆପଣା ରୋଗ ଓ ଯିହୁଦା ଆପଣା କ୍ଷତ ଦେଖିଲା,
\q ସେତେବେଳେ ଇଫ୍ରୟିମ ଅଶୂରୀୟର ନିକଟକୁ ଗଲା
\q ଓ ଯାରେବ ରାଜା ନିକଟକୁ ଲୋକ ପଠାଇଲା;
\q ମାତ୍ର ସେ ତୁମ୍ଭମାନଙ୍କୁ ସୁସ୍ଥ କରିବାକୁ ସକ୍ଷମ ନୁହେଁ,
\q କିଅବା ସେ ତୁମ୍ଭମାନଙ୍କର କ୍ଷତ ଆରୋଗ୍ୟ କରିବ ନାହିଁ ।
\p
\q
\s5
\v 14 କାରଣ ଆମ୍ଭେ ଇଫ୍ରୟିମ ପ୍ରତି ସିଂହ ତୁଲ୍ୟ
\q ଓ ଯିହୁଦା ବଂଶ ପ୍ରତି ଯୁବା ସିଂହ ତୁଲ୍ୟ ହେବା ।
\q ଆମ୍ଭେ, ଆମ୍ଭେ ହିଁ ବିଦୀର୍ଣ୍ଣ କରି ଚାଲି ଯିବା;
\q ଆମ୍ଭେ ସେମାନଙ୍କୁ ଟାଣି ଦୂରକୁ ନେଇ ଯିବା ଓ ଉଦ୍ଧାର କରିବା ପାଇଁ କେହି ନ ଥିବ ।
\q
\v 15 ସେମାନେ ଆପଣା ଆପଣା ଅପରାଧ ସ୍ୱୀକାର କରି
\q ଆମ୍ଭର ମୁଖ ଅନ୍ଵେଷଣ ନ କରିବା ପର୍ଯ୍ୟନ୍ତ ଆମ୍ଭେ ଫେରି ଆପଣା ସ୍ଥାନକୁ ଯିବା;
\q ସେମାନେ ଆପଣାମାନଙ୍କର ଦୁଃଖ ସମୟରେ ଆନ୍ତରିକ ଭାବରେ ଆମ୍ଭର ଅନ୍ଵେଷଣ କରିବେ ।
\s5
\c 6
\s ଯିହୁଦା ଓ ଇସ୍ରାଏଲର ମିଥ୍ୟା ଅନୁତାପ
\p
\q
\v 1 ଆସ, ଆମ୍ଭେମାନେ ସଦାପ୍ରଭୁଙ୍କ ନିକଟକୁ ଫେରି ଯାଉ;
\q କାରଣ ସେ ବିଦୀର୍ଣ୍ଣ କରିଅଛନ୍ତି ଓ ସେ ଆମ୍ଭମାନଙ୍କୁ ସୁସ୍ଥ କରିବେ;
\q ସେ ପ୍ରହାର କରିଅଛନ୍ତି ଓ ସେ ଆମ୍ଭମାନଙ୍କ କ୍ଷତ ବାନ୍ଧିବେ ।
\q
\v 2 ଦୁଇ ଦିନ ଉତ୍ତାରେ ସେ ଆମ୍ଭମାନଙ୍କୁ ସଂଜୀବିତ କରିବେ;
\q ତୃତୀୟ ଦିନରେ ଆମ୍ଭମାନଙ୍କୁ ଉଠାଇବେ ଓ ଆମ୍ଭେମାନେ ତାହାଙ୍କ ଛାମୁରେ ବଞ୍ଚିବୁ ।
\p
\q
\v 3 ପୁଣି, ଆମ୍ଭେମାନେ ଜ୍ଞାତ ହେଉ,
\q ସଦାପ୍ରଭୁଙ୍କୁ ଜାଣିବା ନିମନ୍ତେ ତାହାଙ୍କ ପଶ୍ଚାତ୍‍ଗମନ କରୁ;
\q ତାହାଙ୍କର ଉଦୟ ପ୍ରତ୍ୟୁଷ ତୁଲ୍ୟ ନିଶ୍ଚିତ;
\q ଆଉ ସେ ଆମ୍ଭମାନଙ୍କ ନିକଟକୁ ବୃଷ୍ଟି ତୁଲ୍ୟ,
\q ଭୂମି ସେଚନକାରୀ ଶେଷ ବୃଷ୍ଟି ତୁଲ୍ୟ ଆସିବେ ।
\p
\q
\s5
\v 4 ହେ ଇଫ୍ରୟିମ, ଆମ୍ଭେ ତୁମ୍ଭ ପ୍ରତି କଅଣ କରିବା ?
\q ହେ ଯିହୁଦା, ଆମ୍ଭେ ତୁମ୍ଭ ପ୍ରତି କଅଣ କରିବା ?
\q କାରଣ ତୁମ୍ଭମାନଙ୍କର ଧର୍ମ ପ୍ରାତଃ କାଳୀନ ମେଘ ତୁଲ୍ୟ
\q ଓ ପ୍ରତ୍ୟୁଷରେ ଅନ୍ତର୍ହିତ ହେବା କାକର ତୁଲ୍ୟ ।
\q
\v 5 ଏଥିପାଇଁ ଆମ୍ଭେ ଭବିଷ୍ୟଦ୍‍ବକ୍ତାଗଣ ଦ୍ୱାରା ସେମାନଙ୍କୁ ଚ୍ଛେଦନ କରିଅଛୁ;
\q ଆମ୍ଭେ ଆପଣା ମୁଖ ନିର୍ଗତ ବାକ୍ୟ ଦ୍ୱାରା ସେମାନଙ୍କୁ ବଧ କରିଅଛୁ
\q ଓ ତୁମ୍ଭର ଦଣ୍ଡାଜ୍ଞାସକଳ ନିର୍ଗତ ହେବା ଦୀପ୍ତି ତୁଲ୍ୟ ଅଟେ ।
\p
\q
\s5
\v 6 କାରଣ ବଳିଦାନ ନୁହେଁ, ମାତ୍ର ଦୟା
\q ଓ ହୋମ ଅପେକ୍ଷା ପରମେଶ୍ୱର ବିଷୟକ ଜ୍ଞାନ ବାଞ୍ଛା କରୁ ।
\q
\v 7 ମାତ୍ର ଆଦମର ତୁଲ୍ୟ ସେମାନେ ନିୟମ ଲଙ୍ଘନ କରିଅଛନ୍ତି;
\q ସେହି ସ୍ଥାନରେ ସେମାନେ ଆମ୍ଭ ବିରୁଦ୍ଧରେ ବିଶ୍ୱାସ ଘାତକତା କରିଅଛନ୍ତି ।
\p
\q
\s5
\v 8 ଗିଲିୟଦ ଅଧର୍ମାଚାରୀମାନଙ୍କ ନଗର, ତାହା ରକ୍ତରେ ଦାଗଯୁକ୍ତ ହୋଇଅଛି ।
\q
\v 9 ପୁଣି, ଡକାୟତ ଦଳ ଯେପରି ମନୁଷ୍ୟର ଅପେକ୍ଷାରେ ଥାଆନ୍ତି,
\q ସେପରି ଯାଜକ ଦଳ ଶିଖିମ ଆଡ଼େ ଯିବା ପଥରେ ନରହତ୍ୟା କରନ୍ତି;
\q ହଁ, ସେମାନେ ଭ୍ରଷ୍ଟାଚରଣ କରିଅଛନ୍ତି ।
\p
\q
\s5
\v 10 ଆମ୍ଭେ ଇସ୍ରାଏଲ ବଂଶ ମଧ୍ୟରେ ଅତି ଭୟଙ୍କର ଏକ ବିଷୟ ଦେଖିଅଛୁ,
\q ସେହି ସ୍ଥାନରେ ଇଫ୍ରୟିମ ମଧ୍ୟରେ ବେଶ୍ୟାବୃତ୍ତି ଦେଖାଯାଏ, ଇସ୍ରାଏଲ ଅଶୁଚି ହୋଇଅଛି ।
\q
\v 11 ଆହୁରି ହେ ଯିହୁଦା,
\q ଆମ୍ଭେ ଯେତେବେଳେ ଆପଣା ଲୋକମାନଙ୍କୁ ବନ୍ଦୀତ୍ୱରୁ ଫେରାଇ ଆଣିବା,
\q ସେତେବେଳେ ତୁମ୍ଭ ପାଇଁ (ଦଣ୍ଡରୂପ) ଶସ୍ୟଚ୍ଛେଦନ ସମୟ ନିରୂପିତ ଅଛି ।
\s5
\c 7
\p
\q
\v 1 ଆମ୍ଭେ ଯେତେବେଳେ ଇସ୍ରାଏଲକୁ ସୁସ୍ଥ କରିବାକୁ ଇଚ୍ଛା କରୁ,
\q ସେତେବେଳେ ଇଫ୍ରୟିମର ଅଧର୍ମ ଓ ଶମରୀୟାର ଦୁଷ୍ଟତା ପ୍ରକାଶିତ ହୁଅଇ;
\q କାରଣ ସେମାନେ ଅସତ୍ୟତାର ବ୍ୟବହାର କରନ୍ତି
\q ଓ ଚୋର ଭିତରେ ପ୍ରବେଶ କରେ, ଆଉ ଡକାୟତ ଦଳ ବାହାରେ ଲୁଟ କରନ୍ତି ।
\q
\v 2 ପୁଣି, ଆମ୍ଭେ ଯେ ସେମାନଙ୍କର ସମସ୍ତ ଦୁଷ୍ଟତା ସ୍ମରଣ କରୁ,
\q ଏହା ସେମାନେ ଆପଣାମାନଙ୍କ ଅନ୍ତଃକରଣରେ ବିବେଚନା କରନ୍ତି ନାହିଁ;
\q ଏବେ ସେମାନଙ୍କର ନିଜ କାର୍ଯ୍ୟସବୁ ସେମାନଙ୍କୁ ଘେରି ଅଛି;
\q ସେହି ସବୁ ଆମ୍ଭ ସମ୍ମୁଖରେ ଅଛି ।
\p
\q
\s5
\v 3 ସେମାନେ ଆପଣାମାନଙ୍କର ଦୁଷ୍ଟତା ଦ୍ୱାରା ରାଜାକୁ
\q ଓ ଆପଣାମାନଙ୍କ ମିଥ୍ୟା ଦ୍ୱାରା ଅଧିପତିମାନଙ୍କୁ ଆନନ୍ଦିତ କରନ୍ତି ।
\q
\v 4 ସେମାନେ ସମସ୍ତେ ବ୍ୟଭିଚାରୀ;
\q ସେମାନେ ରୁଟି ପ୍ରସ୍ତୁତକାରୀ ଦ୍ୱାରା ଉତ୍ତପ୍ତ ତନ୍ଦୁର ସ୍ୱରୂପ;
\q ମଇଦା ଦଳିବା ସମୟଠାରୁ ତହିଁରେ ତାଡ଼ି ମିଶ୍ରିତ ନ ହେବା ପର୍ଯ୍ୟନ୍ତ
\q ସେ ଅଗ୍ନି ପ୍ରଜ୍ୱଳିତ କରିବାରୁ ନିବୃତ୍ତ ହୁଏ ।
\p
\q
\v 5 ଆମ୍ଭମାନଙ୍କ ରାଜାଙ୍କ ଦିନରେ ଅଧିପତିମାନେ
\q ଦ୍ରାକ୍ଷାରସର ଉତ୍ତାପରେ ଆପଣାମାନଙ୍କୁ ପୀଡ଼ିତ କଲେ;
\q ସେ ନିନ୍ଦକମାନଙ୍କ ସଙ୍ଗେ ଆପଣା ହସ୍ତ ବଢ଼ାଇଲା ।
\q
\s5
\v 6 କାରଣ ସେମାନେ ଛକି ବସି ଆପଣା ଆପଣା ଅନ୍ତଃକରଣ ତନ୍ଦୁର ପରି ପ୍ରସ୍ତୁତ କରିଅଛନ୍ତି;
\q ସେମାନଙ୍କର କ୍ରୋଧ ରାତ୍ରିସାରା କୁହୁଳୁ ଥାଏ;
\q ପ୍ରାତଃକାଳରେ ତାହା ପ୍ରଜ୍ୱଳିତ ଅଗ୍ନି ପରି ଜ୍ୱଳଇ ।
\q
\v 7 ସେମାନେ ସମସ୍ତେ ତନ୍ଦୁର ପରି ଉତ୍ତପ୍ତ ଅଟନ୍ତି
\q ଓ ଆପଣାମାନଙ୍କର ବିଚାରକର୍ତ୍ତୃଗଣକୁ ଗ୍ରାସ କରନ୍ତି;
\q ସେମାନଙ୍କର ସମସ୍ତ ରାଜାଗଣ ପତିତ ହୋଇଅଛନ୍ତି;
\q ସେମାନଙ୍କ ମଧ୍ୟରେ କେହି ଆମ୍ଭ ନିକଟରେ ପ୍ରାର୍ଥନା କରନ୍ତି ନାହିଁ ।
\p
\q
\s5
\v 8 ଗୋଷ୍ଠୀଗଣ ମଧ୍ୟରେ ଇଫ୍ରୟିମ ଆପେ ମିଶ୍ରିତ ହୁଅଇ;
\q ଇଫ୍ରୟିମ ଓଲଟା ହୋଇ ନ ଥିବା ପିଠା ତୁଲ୍ୟ ।
\q
\v 9 ବିଦେଶୀମାନେ ତାହାର ବଳ ଗ୍ରାସ କରିଅଛନ୍ତି, ଆଉ ସେ ତାହା ଜାଣେ ନାହିଁ;
\q ହଁ, ତାହାର ମସ୍ତକରେ, ଏଠାରେ ସେଠାରେ ପକ୍ୱ କେଶ ଅଛି, ମାତ୍ର ସେ ତାହା ଜାଣେ ନାହିଁ ।
\p
\q
\s5
\v 10 ପୁଣି, ଇସ୍ରାଏଲର ଦର୍ପ ତାହାର ସାକ୍ଷାତରେ ସାକ୍ଷ୍ୟ ଦିଏ;
\q ତଥାପି ସେମାନେ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କ ନିକଟକୁ ଫେରି ନାହାନ୍ତି,
\q କିଅବା ଏହିସବୁ ଘଟିଲେ ମଧ୍ୟ ସେମାନେ ତାହାଙ୍କର ଅନ୍ଵେଷଣ କରି ନାହାନ୍ତି ।
\q
\v 11 ପୁଣି, ଇଫ୍ରୟିମ ଅବୋଧ କପୋତର ତୁଲ୍ୟ ବୁଦ୍ଧିହୀନ;
\q ସେମାନେ ମିସରକୁ ନିବେଦନ କରନ୍ତି, ସେମାନେ ଅଶୂରକୁ ଯାଆନ୍ତି ।
\p
\q
\s5
\v 12 ଯେତେବେଳେ ସେମାନେ ଯିବେ,
\q ସେତେବେଳେ ଆମ୍ଭେ ସେମାନଙ୍କ ଉପରେ ଆପଣା ଜାଲ ପ୍ରସାର କରିବା;
\q ଆମ୍ଭେ ସେମାନଙ୍କୁ ଆକାଶର ପକ୍ଷୀଗଣ ପରି ତଳକୁ ଆଣିବା;
\q ସେମାନଙ୍କ ସମାଜ ଯେପରି ଶୁଣିଅଛନ୍ତି, ସେହିପରି ଆମ୍ଭେ ସେମାନଙ୍କୁ ଶାସ୍ତି ଦେବା ।
\q
\v 13 ସେମାନେ ସନ୍ତାପର ପାତ୍ର !
\q କାରଣ ସେମାନେ ଆମ୍ଭ ନିକଟରୁ ବିପଥଗାମୀ ହୋଇଅଛନ୍ତି;
\q ସେମାନଙ୍କର ସର୍ବନାଶ ଘଟିବ;
\q କାରଣ ସେମାନେ ଆମ୍ଭ ବିରୁଦ୍ଧରେ ଅପରାଧ କରିଅଛନ୍ତି;
\q ଆମ୍ଭେ ସେମାନଙ୍କୁ ମୁକ୍ତ କରିବାକୁ ଇଚ୍ଛା କଲେ ମଧ୍ୟ
\q ସେମାନେ ଆମ୍ଭ ବିରୁଦ୍ଧରେ ମିଥ୍ୟା କଥା କହିଅଛନ୍ତି ।
\q
\s5
\v 14 ପୁଣି, ସେମାନେ ଅନ୍ତଃକରଣ ସହିତ ଆମ୍ଭ ନିକଟରେ କ୍ରନ୍ଦନ କରି ନାହାନ୍ତି;
\q ମାତ୍ର ସେମାନେ ଆପଣା ଶଯ୍ୟାରେ ହାହାକାର କରନ୍ତି;
\q ସେମାନେ ଶସ୍ୟ ଓ ଦ୍ରାକ୍ଷାରସ ନିମନ୍ତେ ଆପଣାମାନଙ୍କୁ ଏକତ୍ର କରନ୍ତି,
\q ସେମାନେ ଆମ୍ଭ ବିରୁଦ୍ଧରେ ବିଦ୍ରୋହାଚରଣ କରନ୍ତି ।
\p
\q
\v 15 ଆମ୍ଭେ ସେମାନଙ୍କ ବାହୁକୁ ଶିକ୍ଷା ଦେଇ ସବଳ କଲେ ମଧ୍ୟ
\q ସେମାନେ ଆମ୍ଭ ବିରୁଦ୍ଧରେ କୁକଳ୍ପନା କରନ୍ତି ।
\q
\s5
\v 16 ସେମାନେ ଫେରି ଆସନ୍ତି ସତ୍ୟ, ମାତ୍ର ଊର୍ଦ୍ଧ୍ୱସ୍ଥଙ୍କ ପ୍ରତି ନୁହେଁ;
\q ସେମାନେ ପ୍ରବଞ୍ଚକ ଧନୁ ତୁଲ୍ୟ;
\q ସେମାନଙ୍କ ଅଧିପତିମାନେ ଆପଣା ଆପଣା
\q ଜିହ୍ୱାର ପ୍ରଚଣ୍ଡତା ସକାଶୁ ଖଡ୍ଗ ଦ୍ୱାରା ପତିତ ହେବେ;
\q ଏହା ମିସର ଦେଶରେ ସେମାନଙ୍କ ପକ୍ଷରେ ଉପହାସର ବିଷୟ ହେବ ।
\s5
\c 8
\s ଇସ୍ରାଏଲର ବିପତ୍ତି
\p
\q
\v 1 "ତୁମ୍ଭେ ଆପଣା ମୁଖରେ ତୂରୀ ଦିଅ;
\q ଶତ୍ରୁ ସଦାପ୍ରଭୁଙ୍କ ଗୃହ ବିରୁଦ୍ଧରେ ଉତ୍କ୍ରୋଶ ପକ୍ଷୀ ତୁଲ୍ୟ ଆସୁଅଛି;
\q କାରଣ ଲୋକମାନେ ଆମ୍ଭର ନିୟମ ଲଙ୍ଘନ କରିଅଛନ୍ତି
\q ଓ ଆମ୍ଭ ବ୍ୟବସ୍ଥା ବିରୁଦ୍ଧରେ ଅପରାଧ କରିଅଛନ୍ତି ।
\q
\v 2 ସେମାନେ ଆମ୍ଭ ନିକଟରେ କ୍ରନ୍ଦନ କରି କହିବେ,
\q 'ହେ ଆମ୍ଭର ପରମେଶ୍ୱର, ଆମ୍ଭେମାନେ ଇସ୍ରାଏଲ, ତୁମ୍ଭଙ୍କୁ ଜାଣୁ ।'
\q
\v 3 ଯାହା ଉତ୍ତମ, ତାହା ଇସ୍ରାଏଲ ଅଗ୍ରାହ୍ୟ କରିଅଛି;
\q ଶତ୍ରୁ ତାହାର ପଛେ ପଛେ ଗୋଡ଼ାଇବ ।
\p
\q
\s5
\v 4 ସେମାନେ ରାଜାଗଣକୁ ନିଯୁକ୍ତ କରିଅଛନ୍ତି, ମାତ୍ର ଆମ୍ଭ ଦ୍ୱାରା ନୁହେଁ;
\q ସେମାନେ ଅଧିପତିଗଣ ନିଯୁକ୍ତ କରିଅଛନ୍ତି, ମାତ୍ର ଆମ୍ଭେ ତାହା ଜାଣିଲୁ ନାହିଁ ।
\q ସେମାନେ ଯେପରି ଉଚ୍ଛିନ୍ନ ହେବେ,
\q ଏଥିପାଇଁ ଆପଣା ନିମନ୍ତେ ରୂପା ଓ ସୁନାରେ
\q ସେମାନେ ପ୍ରତିମାଗଣ ନିର୍ମାଣ କରିଅଛନ୍ତି ।"
\q
\v 5 ହେ ଶମରୀୟା, ସେ ତୁମ୍ଭର ଗୋବତ୍ସ ପ୍ରତିମାକୁ ଅଗ୍ରାହ୍ୟ କରିଅଛନ୍ତି ।
\q ସେମାନଙ୍କ ବିରୁଦ୍ଧରେ ଆମ୍ଭର କ୍ରୋଧ ପ୍ରଜ୍ୱଳିତ ହୋଇଅଛି !
\q ସେମାନେ କେତେ କାଳ ଉତ୍ତାରେ ନିର୍ଦ୍ଦୋଷତା ପ୍ରାପ୍ତ ହେବେ ?
\p
\q
\s5
\v 6 କାରଣ ଏହା ହିଁ ଇସ୍ରାଏଲଠାରୁ ହୋଇଅଛି,
\q ଶିଳ୍ପକାର ଏହା ନିର୍ମାଣ କରିଅଛି, ତାହା ଈଶ୍ୱର ନୁହେଁ;
\q ହଁ, ଶମରୀୟାର ଗୋବତ୍ସ ଖଣ୍ଡ ଖଣ୍ଡ ହୋଇ ଭଗ୍ନ ହେବ ।
\q
\v 7 କାରଣ ସେମାନେ ବାୟୁ ବୁଣନ୍ତି ଓ ଘୂର୍ଣ୍ଣିବାୟୁରୂପ ଶସ୍ୟ କାଟିବେ ।
\q ତାହାର ଉଠିଆ କ୍ଷେତ ନାହିଁ; ପତ୍ର ଖାଦ୍ୟ ଉତ୍ପନ୍ନ କରିବ ନାହିଁ;
\q ଯଦି ଉତ୍ପନ୍ନ କରିବେ, ବିଦେଶୀୟମାନେ ତାହା ଗ୍ରାସ କରିବେ ।
\p
\q
\s5
\v 8 ଇସ୍ରାଏଲ ଗ୍ରାସିତ ହୋଇଅଛି;
\q ଏବେ ସେମାନେ ଅପ୍ରୀତିକର ପାତ୍ର ତୁଲ୍ୟ ନାନା ଗୋଷ୍ଠୀ ମଧ୍ୟରେ ଅଛନ୍ତି ।
\q
\v 9 କାରଣ ସେମାନେ ବନ୍ୟ ଗର୍ଦ୍ଦଭ ତୁଲ୍ୟ
\q ଏକାକୀ ହୋଇ ଅଶୂରକୁ ଯାଇ ଅଛନ୍ତି;
\q ଇଫ୍ରୟିମ ପ୍ରେମିକଗଣକୁ ବେତନ ଦେଇ ରଖିଅଛି ।
\q
\v 10 ହଁ, ସେମାନେ ନାନା ଗୋଷ୍ଠୀ ମଧ୍ୟରେ ଲୋକମାନଙ୍କୁ ବେତନ ଦେଲେ ମଧ୍ୟ
\q ଏବେ ଆମ୍ଭେ ସେମାନଙ୍କୁ ସଂଗ୍ରହ କରିବା;
\q ସେମାନେ ଅଧିପତିଗଣଙ୍କ ରାଜାର ଭାର ସକାଶୁ ନ୍ୟୁନ ହେବାକୁ ଲାଗିଲେଣି ।
\p
\q
\s5
\v 11 କାରଣ ଇଫ୍ରୟିମ ପାପ ଚେଷ୍ଟାରେ ଅନେକ ଯଜ୍ଞବେଦି କରିଅଛି,
\q ଯଜ୍ଞବେଦିସବୁ ତାହା ପକ୍ଷରେ ପାପର କାରଣ ହୋଇଅଛି ।
\q
\v 12 ଆମ୍ଭେ ଦଶସହସ୍ର ବିଧିରେ ଆମ୍ଭର ବ୍ୟବସ୍ଥା ତାହା ପାଇଁ ଲେଖିଲେ ମଧ୍ୟ
\q ସେହିସବୁ ବିଦେଶୀୟ କଥା ତୁଲ୍ୟ ଗଣିତ ହୁଏ ।
\p
\q
\s5
\v 13 ସେମାନେ ଆମ୍ଭ ଉଦ୍ଦେଶ୍ୟରେ ଉପହାରାର୍ଥକ ବଳି ନିମନ୍ତେ
\q ମାଂସ ବଳିଦାନ କରି ତାହା ଭୋଜନ କରନ୍ତି;
\q ମାତ୍ର ସଦାପ୍ରଭୁ ସେମାନଙ୍କୁ ଗ୍ରାହ୍ୟ କରନ୍ତି ନାହିଁ ।
\q ଏବେ ସେ ସେମାନଙ୍କର ଅଧର୍ମ ସ୍ମରଣ କରି ସେମାନଙ୍କ ପାପର ପ୍ରତିଫଳ ଦେବେ;
\q ସେମାନେ ପୁନର୍ବାର ମିସରକୁ ଫେରି ଯିବେ ।
\p
\q
\v 14 କାରଣ ଇସ୍ରାଏଲ ଆପଣା ସୃଷ୍ଟିକର୍ତ୍ତାଙ୍କୁ ପାସୋରିଅଛି
\q ଓ ନାନା ଅଟ୍ଟାଳିକା ନିର୍ମାଣ କରିଅଛି
\q ଓ ଯିହୁଦା ଅନେକ ପ୍ରାଚୀର ବେଷ୍ଟିତ ନଗର ପ୍ରସ୍ତୁତ କରିଅଛି,
\q ମାତ୍ର ଆମ୍ଭେ ତାହାର ନଗରସକଳର ଉପରେ ଅଗ୍ନି ନିକ୍ଷେପ କରିବା
\q ଓ ତାହା ତହିଁର ଦୁର୍ଗସକଳ ଗ୍ରାସ କରିବ ।
\s5
\c 9
\s ଇସ୍ରାଏଲ ପ୍ରତି ପରମେଶ୍ୱରଙ୍କ ଶାସ୍ତି
\p
\q
\v 1 ହେ ଇସ୍ରାଏଲ, ତୁମ୍ଭେ ଆନନ୍ଦ ସକାଶୁ ନାନା ଗୋଷ୍ଠୀୟମାନଙ୍କ ତୁଲ୍ୟ ଆନନ୍ଦ କର ନାହିଁ;
\q କାରଣ ତୁମ୍ଭେ ଆପଣା ପରମେଶ୍ୱରଙ୍କୁ ଛାଡ଼ି ବ୍ୟଭିଚାର କରିଅଛ,
\q ତୁମ୍ଭେ ଶସ୍ୟପୂର୍ଣ୍ଣ ପ୍ରତ୍ୟେକ ଖମାରରେ ବେତନ ଭଲ ପାଇଅଛ ।
\q
\v 2 ଶସ୍ୟ ଖଳା କିଅବା ଦ୍ରାକ୍ଷାପେଷଣ ଯନ୍ତ୍ର ସେମାନଙ୍କୁ ପ୍ରତିପୋଷଣ କରିବ ନାହିଁ
\q ଓ ନୂତନ ଦ୍ରାକ୍ଷାରସରୁ ସେମାନେ ବଞ୍ଚିତ ହେବେ ।
\p
\q
\s5
\v 3 ସେମାନେ ସଦାପ୍ରଭୁଙ୍କ ଦେଶରେ ବାସ କରିବେ ନାହିଁ;
\q ମାତ୍ର ଇଫ୍ରୟିମ ମିସରକୁ ଫେରି ଯିବ, ଆଉ ସେମାନେ ଅଶୂରରେ ଅଶୁଚି ଦ୍ରବ୍ୟ ଭୋଜନ କରିବେ ।
\q
\v 4 ସେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଦ୍ରାକ୍ଷାରସର ଉପହାର ଢାଳିବେ ନାହିଁ,
\q କିଅବା ସେହିସବୁ ସଦାପ୍ରଭୁଙ୍କ ତୁଷ୍ଟିଜନକ ହେବ ନାହିଁ ।
\q ସେମାନଙ୍କର ବଳିଦାନସକଳ ସେମାନଙ୍କ ପ୍ରତି ବିଳାପକାରୀଗଣର ଖାଦ୍ୟର ସମାନ ହେବ;
\q ଯେଉଁମାନେ ତାହା ଭୋଜନ କରିବେ, ସେମାନେ ସମସ୍ତେ ଅଶୁଚି ହେବେ;
\q କାରଣ ସେମାନଙ୍କର ଖାଦ୍ୟ ସେମାନଙ୍କ କ୍ଷୁଧାର ତୃପ୍ତି ନିମନ୍ତେ ହେବ;
\q ତାହା ସଦାପ୍ରଭୁଙ୍କ ଗୃହକୁ ଆସିବ ନାହିଁ ।
\p
\s5
\v 5 ମହାସଭା ଦିନରେ ଓ ସଦାପ୍ରଭୁଙ୍କ ଉତ୍ସବ ଦିନରେ ତୁମ୍ଭେମାନେ କଅଣ କରିବ ?
\q
\v 6 କାରଣ ଦେଖ, ସେମାନେ ଧ୍ୱଂସ ସ୍ଥାନରୁ ଯାଇଅଛନ୍ତି,
\q ତଥାପି ମିସର ସେମାନଙ୍କୁ ଏକତ୍ର କରିବ, ମେମ୍ଫିସ (ମିସରର ରାଜଧାନୀ) ସେମାନଙ୍କୁ କବର ଦେବ ।
\q ସେମାନଙ୍କର ରୂପାର ମନୋହର ପଦାର୍ଥ ସବୁ ବିଛୁଆତି ଗଛର ଅଧିକାର ହେବ;
\q ସେମାନଙ୍କ ତମ୍ବୁସବୁରେ କଣ୍ଟକ ବୃକ୍ଷ ଉତ୍ପନ୍ନ ହେବ ।
\p
\q
\s5
\v 7 ପ୍ରତିଫଳର ଦିନ ଉପସ୍ଥିତ, ଦଣ୍ଡର ଦିନ ଉପସ୍ଥିତ; ଇସ୍ରାଏଲ ଏହା ଜାଣିବ ।
\q ଭବିଷ୍ୟଦ୍‍ବକ୍ତା ନିର୍ବୋଧ, ଆତ୍ମାପ୍ରାପ୍ତ ଲୋକ ଉତ୍ତେଜିତ,
\q କାରଣ ତୁମ୍ଭର ଅଧର୍ମ ବହୁଳ ଓ ଶତ୍ରୁତାଭାବ ବଡ଼ ।
\q
\s5
\v 8 ଇଫ୍ରୟିମ ମୋ' ପରମେଶ୍ୱରଙ୍କ ସହିତ ପ୍ରହରୀ ଥିଲା;
\q ଭବିଷ୍ୟଦ୍‍ବକ୍ତାଙ୍କର ସକଳ ପଥରେ ଶିକାରୀର ଫାନ୍ଦ
\q ଓ ତାହାର ପରମେଶ୍ୱରଙ୍କ ଗୃହରେ ଶତ୍ରୁତାଭାବ ଅଛି ।
\q
\v 9 ଗିବୀୟାର ସମୟରେ ଯେପରି,
\q ସେମାନେ ଆପଣାମାନଙ୍କୁ ସେପରି ଅତିଶୟ ଭ୍ରଷ୍ଟ କରିଅଛନ୍ତି;
\q ସେ ସେମାନଙ୍କର ଅଧର୍ମ ସ୍ମରଣ କରି ସେମାନଙ୍କ ପାପସକଳର ପ୍ରତିଫଳ ଦେବେ ।
\p
\q
\s5
\v 10 ସଦାପ୍ରଭୁ କହନ୍ତି, "ଆମ୍ଭେ ଦ୍ରାକ୍ଷାଫଳର ନ୍ୟାୟ ଇସ୍ରାଏଲକୁ ପ୍ରାନ୍ତରରେ ପାଇଲୁ;
\q ଆମ୍ଭେ ଡିମ୍ୱିରି ବୃକ୍ଷର ପ୍ରଥମକାଳୀନ ଆଦ୍ୟପକ୍ୱ ଡିମ୍ୱିରି ଫଳ ସଦୃଶ୍ୟ ତୁମ୍ଭର ପିତୃପୁରୁଷଗଣଙ୍କୁ ଦେଖିଲୁ;
\q ମାତ୍ର ସେମାନେ ବାଲ୍‍-ପୀୟୋରର ନିକଟକୁ ଆସି
\q ସେହି ଲଜ୍ଜାସ୍ପଦର ଉଦ୍ଦେଶ୍ୟରେ ଆପଣାମାନଙ୍କୁ ପ୍ରତିଷ୍ଠା କଲେ
\q ଓ ଯାହାକୁ ସେମାନେ ପ୍ରେମ କଲେ, ତାହାରି ତୁଲ୍ୟ ଘୃଣାଯୋଗ୍ୟ ହେଲେ ।
\p
\s5
\v 11 ଇଫ୍ରୟିମର ଗୌରବ ପକ୍ଷୀ ପରି ଉଡ଼ିଯିବ;
\q ତାହାର କୌଣସି ଜନ୍ମ, ଗର୍ଭ କିଅବା ଗର୍ଭଧାରଣ ହେବ ନାହିଁ ।
\q
\v 12 ଯଦ୍ୟପି ସେମାନେ ସନ୍ତାନଗଣକୁ ପ୍ରତିପାଳନ କରିବେ,
\q ତଥାପି ଆମ୍ଭେ ସେମାନଙ୍କୁ ନିଃସନ୍ତାନ କରିବା,
\q ତହିଁରେ ଜଣେ ମନୁଷ୍ୟ ମଧ୍ୟ ସେଠାରେ ରହିବ ନାହିଁ;
\q ହଁ, ଆମ୍ଭେ ସେମାନଙ୍କୁ ଯେତେବେଳେ ପରିତ୍ୟାଗ କରିବା,
\q ସେତେବେଳେ ସେମାନଙ୍କର ସନ୍ତାପ ହେବ !
\q
\s5
\v 13 ଆମ୍ଭେ ସୋରକୁ ଯେପରି ଦେଖିଅଛୁ, ଇଫ୍ରୟିମ ସେପରି ମନୋହର ସ୍ଥାନରେ ରୋପିତ ହୋଇଅଛି;
\q ମାତ୍ର ଇଫ୍ରୟିମ ଆପଣା ସନ୍ତାନଗଣକୁ ହତ୍ୟାକାରୀର ନିକଟକୁ ବାହାର କରି ଆଣିବ ।"
\p
\q
\v 14 ହେ ସଦାପ୍ରଭୁ, ସେମାନଙ୍କୁ ଦିଅ; ତୁମ୍ଭେ ସେମାନଙ୍କୁ କଅଣ ଦେବ ?
\q ସେମାନଙ୍କୁ ଗର୍ଭସ୍ରାବ ଉଦର ଓ ଶୁଷ୍କ ସ୍ତନ ଦିଅ ।
\q
\s5
\v 15 ସେମାନଙ୍କର ଦୁଷ୍ଟତାସକଳ ଗିଲ୍‍ଗଲ୍‍ରେ ଅଛି;
\q କାରଣ ସେଠାରେ ଆମ୍ଭେ ସେମାନଙ୍କୁ ଘୃଣା କଲୁ;
\q ଆମ୍ଭେ ସେମାନଙ୍କ କ୍ରିୟାର ଦୁଷ୍ଟତା ସକାଶୁ ସେମାନଙ୍କୁ ଆମ୍ଭ ଗୃହରୁ ତଡ଼ିଦେବା;
\q ଆମ୍ଭେ ସେମାନଙ୍କୁ ଆଉ ସ୍ନେହ କରିବା ନାହିଁ;
\q ସେମାନଙ୍କର ଅଧିପତି ସମସ୍ତେ ବିଦ୍ରୋହୀ ।
\p
\q
\s5
\v 16 ଇଫ୍ରୟିମ ଆହତ ହୋଇଅଛି, ସେମାନଙ୍କର ମୂଳ ଶୁଷ୍କ ହୋଇଅଛି;
\q ସେମାନେ ଫଳ ଧାରଣ କରିବେ ନାହିଁ; ହଁ, ଯଦ୍ୟପି ସେମାନେ ପ୍ରସବ କରିବେ,
\q ତଥାପି ଆମ୍ଭେ ସେମାନଙ୍କ ଗର୍ଭର ପ୍ରିୟତମ ଫଳକୁ ସଂହାର କରିବା ।
\q
\v 17 ମୋର ପରମେଶ୍ୱର ସେମାନଙ୍କୁ ଦୂର କରି ଦେବେ,
\q କାରଣ ସେମାନେ ତାହାଙ୍କ ବାକ୍ୟରେ କର୍ଣ୍ଣପାତ କଲେ ନାହିଁ;
\q ଆଉ, ସେମାନେ ନାନା ଗୋଷ୍ଠୀ ମଧ୍ୟରେ ଭ୍ରମଣକାରୀ ହେବେ ।
\s5
\c 10
\s ଇସ୍ରାଏଲ ବର୍ଦ୍ଧିଷ୍ଣୁ ଦ୍ରାକ୍ଷାଲତା, ସେ ଆପଣା ଫଳ ଉତ୍ପନ୍ନ କରେ;
\p
\q
\v 1 ଇସ୍ରାଏଲ ଆପଣା ଦ୍ରାକ୍ଷାଫଳର ବାହୁଲ୍ୟାନୁସାରେ ଆପଣା ଯଜ୍ଞବେଦିର ସଂଖ୍ୟା ବୃଦ୍ଧି କରିଅଛି;
\q ତାହାର ଦେଶର ଉନ୍ନତି ଅନୁସାରେ ଲୋକମାନେ ମନୋହର ସ୍ତମ୍ଭ ନିର୍ମାଣ କରିଅଛନ୍ତି ।
\q
\v 2 ସେମାନଙ୍କର ଅନ୍ତଃକରଣ ବିଭକ୍ତ ହୋଇଅଛି;
\q ଏବେ ସେମାନେ ଦୋଷୀ ଗଣାଯିବେ;
\q ସେ ସେମାନଙ୍କର ଯଜ୍ଞବେଦିସବୁକୁ ଆଘାତ କରିବେ,
\q ସେ ସେମାନଙ୍କର ସ୍ତମ୍ଭସବୁକୁ ନଷ୍ଟ କରିବେ ।
\q
\s5
\v 3 ଅବଶ୍ୟ ଏବେ ସେମାନେ କହିବେ, "ଆମ୍ଭମାନଙ୍କର ରାଜା ନାହିଁ;
\q କାରଣ ଆମ୍ଭେମାନେ ତ ସଦାପ୍ରଭୁଙ୍କୁ ଭୟ କରୁ ନାହୁଁ,
\q ଏଣୁ ରାଜା ଆମ୍ଭମାନଙ୍କ ପାଇଁ କଅଣ କରି ପାରିବ ?"
\p
\q
\v 4 ସେମାନେ ନିୟମ କରିବା ସମୟରେ ମିଥ୍ୟା ଶପଥ କରି ଅସାର କଥା କୁହନ୍ତି;
\q ଏଥିପାଇଁ କ୍ଷେତ୍ରର ଶିଆରରେ ଯେପରି ବିଷ ବୃକ୍ଷ,
\q ସେପରି ସେମାନଙ୍କର ଦଣ୍ଡ ଅଙ୍କୁରିତ ହୁଏ ।
\p
\q
\s5
\v 5 ଶମରୀୟା ନିବାସୀଗଣ ବୈଥ୍‍-ଆବନର ଗୋବତ୍ସ ପ୍ରତିମା ସକାଶୁ ତ୍ରାସଯୁକ୍ତ ହେବେ;
\q କାରଣ ତହିଁର ଲୋକମାନେ ତାହା ପାଇଁ ବିଳାପ କରିବେ
\q ଓ ତହିଁର ଯେଉଁ ପୁରୋହିତମାନେ ତାହାର ଗୌରବ ସକାଶୁ ଆନନ୍ଦ କରିଥିଲେ,
\q ସେମାନେ ବିଳାପ କରିବେ; କାରଣ ତାହାର ଗୌରବ ତାହାକୁ ଛାଡ଼ି ଯାଇଅଛି ।
\q
\v 6 ତାହା ମଧ୍ୟ ଯାରେବ ରାଜାର ଭେଟୀ ନିମନ୍ତେ ଅଶୂରକୁ ନୀତ ହେବ;
\q ଇଫ୍ରୟିମ ଲଜ୍ଜାପ୍ରାପ୍ତ ହେବ ଓ ଇସ୍ରାଏଲ ନିଜ ମନ୍ତ୍ରଣା ବିଷୟରେ ଲଜ୍ଜିତ ହେବ ।
\p
\q
\s5
\v 7 ଶମରୀୟାର ରାଜା ଜଳ ଉପରିସ୍ଥ ଫେଣ ତୁଲ୍ୟ ଉଚ୍ଛିନ୍ନ ହେଲା ।
\q
\v 8 ଆହୁରି, ଇସ୍ରାଏଲର ପାପ ସ୍ୱରୂପ ଆବେନର ଉଚ୍ଚସ୍ଥଳୀସକଳ ବିନଷ୍ଟ ହେବ;
\q କଣ୍ଟା ଓ ଅଗରା ଗଛ ସେମାନଙ୍କର ଯଜ୍ଞବେଦି ଉପରେ ଉତ୍ପନ୍ନ ହେବ;
\q ଆଉ, ସେମାନେ ପର୍ବତଗଣକୁ କହିବେ, "ଆମ୍ଭମାନଙ୍କୁ ଘୋଡ଼ାଅ
\q ଓ ଉପପର୍ବତଗଣକୁ କହିବେ, ଆମ୍ଭମାନଙ୍କ ଉପରେ ପଡ଼ ।"
\p
\q
\s5
\v 9 ହେ ଇସ୍ରାଏଲ, ତୁମ୍ଭେ ଗିବୀୟାର ସମୟଠାରୁ ପାପ କରି ଆସିଅଛ;
\q ଅଧର୍ମର ସନ୍ତାନଗଣର ବିରୁଦ୍ଧ ଯୁଦ୍ଧ ଯେପରି ଗିବୀୟାରେ ଲୋକମାନଙ୍କୁ ନ ଧରିବ,
\q ଏଥିପାଇଁ ସେମାନେ ସେହି ସ୍ଥାନରେ ଠିଆ ହେଲେ ।
\p
\q
\s5
\v 10 ଯେତେବେଳେ ଆମ୍ଭର ଇଚ୍ଛା, ସେତେବେଳେ ଆମ୍ଭେ ସେମାନଙ୍କୁ ଶାସ୍ତି ଦେବୁ
\q ଓ ସେମାନେ ଆପଣାମାନଙ୍କର ଦୁଇ ଅପରାଧରେ ବନ୍ଧାଯିବା ସମୟରେ
\q ଗୋଷ୍ଠୀଗଣ ସେମାନଙ୍କ ବିରୁଦ୍ଧରେ ସଂଗୃହୀତ ହେବେ ।
\q
\v 11 ଆଉ ଇଫ୍ରୟିମ ଶିକ୍ଷିତା ଗାଭୀ, ସେ ଶସ୍ୟ ମର୍ଦ୍ଦନ କରିବାକୁ ଭଲ ପାଏ;
\q ମାତ୍ର ଆମ୍ଭେ ତାହାର ସୁନ୍ଦର ଗ୍ରୀବାରେ ହସ୍ତାର୍ପଣ କରିଅଛୁ;
\q ଆମ୍ଭେ ଇଫ୍ରୟିମ ଉପରେ ଏକ ଆରୋହୀକୁ ବସାଇବା;
\q ଯିହୁଦା ହଳ ବୁଲାଇବ, ଯାକୁବ ତାହାର ଟେଳା ଭାଙ୍ଗିବ ।
\p
\q
\s5
\v 12 ତୁମ୍ଭେମାନେ ଆପଣାମାନଙ୍କ ନିମନ୍ତେ ଧାର୍ମିକତାରେ ବିହନ ବୁଣ,
\q ଦୟାନୁଯାୟୀ ଶସ୍ୟ କାଟ; ଆପଣାମାନଙ୍କର ପଡ଼ିଆ ଭୂମି ଭାଙ୍ଗ;
\q କାରଣ ଯେପର୍ଯ୍ୟନ୍ତ ସଦାପ୍ରଭୁ ଆସି ତୁମ୍ଭମାନଙ୍କ ଉପରେ ଧାର୍ମିକତା ନ ବର୍ଷାନ୍ତି,
\q ସେପର୍ଯ୍ୟନ୍ତ ତାହାଙ୍କର ଅନ୍ଵେଷଣ କରିବାର ସମୟ ଅଛି ।
\q
\v 13 ତୁମ୍ଭେମାନେ ଦୁଷ୍ଟତାରୂପ ଚାଷ କରି ଅଧର୍ମ ସ୍ୱରୂପ ଶସ୍ୟ କାଟିଅଛ;
\q ତୁମ୍ଭେମାନେ ମିଥ୍ୟା କଥାର ଫଳ ଭୋଜନ କରିଅଛ;
\q କାରଣ ତୁମ୍ଭେ ଆପଣା ପଥରେ, ଆପଣାର ବୀରସମୂହରେ ବିଶ୍ୱାସ କରିଅଛ ।
\p
\q
\s5
\v 14 ଏଥିନିମନ୍ତେ ତୁମ୍ଭ ଲୋକମାନଙ୍କ ମଧ୍ୟରେ ଏକ କୋଳାହଳ ଉଠିବ
\q ଓ ଯୁଦ୍ଧ ଦିନରେ ଯେପରି ଶଲମନ ବୈଥ୍‍-ଅରବେଲକୁ ବିନାଶ କରିଥିଲା,
\q ସେପରି ତୁମ୍ଭ ଦୁର୍ଗସକଳ ବିନଷ୍ଟ ହେବ;
\q ମାତା ଆପଣା ସନ୍ତାନଗଣ ସହିତ କଚଡ଼ା ଯାଇ ଖଣ୍ଡ ଖଣ୍ଡ ହୋଇଥିଲା ।
\q
\v 15 ତୁମ୍ଭର ମହା ଦୁଷ୍ଟତା ସକାଶୁ ବୈଥେଲ ତୁମ୍ଭ ପ୍ରତି ସେହି ପ୍ରକାର କରିବ;
\q ଇସ୍ରାଏଲର ରାଜା ଅରୁଣୋଦୟ ସମୟରେ ସମ୍ପୂର୍ଣ୍ଣ ରୂପେ ଉଚ୍ଛିନ୍ନ ହେବ ।
\s5
\c 11
\s ଇସ୍ରାଏଲ ପ୍ରତି ପରମେଶ୍ୱରଙ୍କ ପ୍ରେମ
\p
\q
\v 1 ଇସ୍ରାଏଲର ବାଲ୍ୟ କାଳରେ ଆମ୍ଭେ ତାହାକୁ ସ୍ନେହ କଲୁ
\q ଓ ଆମ୍ଭ ପୁତ୍ରକୁ ମିସରରୁ ଡାକିଲୁ ।
\q
\v 2 ମାତ୍ର ଯେତେ ସେମାନଙ୍କୁ ଡାକିଲେ,
\q ସେତେ ସେମାନେ ସେମାନଙ୍କଠାରୁ ଦୂରକୁ ଗଲେ;
\q ସେମାନେ ବାଲ୍‍ଦେବଗଣ ଉଦ୍ଦେଶ୍ୟରେ ବଳିଦାନ କଲେ
\q ଓ ଖୋଦିତ ପ୍ରତିମାଗଣ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇଲେ ।
\p
\q
\s5
\v 3 ତଥାପି ଆମ୍ଭେ ଇଫ୍ରୟିମକୁ ଚାଲିବା ପାଇଁ ଶିଖାଇଲୁ;
\q ଆମ୍ଭେ ସେମାନଙ୍କୁ ଆପଣା ବାହୁରେ ବୋହିଲୁ;
\q ମାତ୍ର ଆମ୍ଭେ ଯେ ସେମାନଙ୍କୁ ସୁସ୍ଥ କଲୁ, ଏହା ସେମାନେ ଜାଣିଲେ ନାହିଁ ।
\q
\v 4 ଆମ୍ଭେ ମନୁଷ୍ୟର ବନ୍ଧନୀ, ଅର୍ଥାତ୍‍, ପ୍ରେମରଜ୍ଜୁ ଦ୍ୱାରା ସେମାନଙ୍କୁ ଆକର୍ଷଣ କଲୁ
\q ଓ ଆମ୍ଭେ ସେମାନଙ୍କ କଳପାଟିରୁ ଯୁଆଳି ଉଠାଇ ନେବା ଲୋକ ତୁଲ୍ୟ ହେଲୁ
\q ଓ ଆମ୍ଭେ ସେମାନଙ୍କ ଆଗରେ ଖାଦ୍ୟ ରଖିଲୁ ।
\p
\q
\s5
\v 5 ସେ ମିସର ଦେଶକୁ ଫେରି ଯିବ ନାହିଁ;
\q ମାତ୍ର ଅଶୂରୀୟ ତାହାର ରାଜା ହେବ,
\q କାରଣ ସେ ଫେରି ଆସିବାକୁ ଅସମ୍ମତ ହେଲା ।
\q
\v 6 ପୁଣି, ସେମାନଙ୍କର ନିଜ ମନ୍ତ୍ରଣା ସକାଶୁ
\q ସେମାନଙ୍କ ନଗରସକଳର ଉପରେ ଖଡ୍ଗ ପଡ଼ିବ,
\q ତାହାର ଅର୍ଗଳ ସକଳକୁ ସଂହାର କରିବ ଓ ସେମାନଙ୍କୁ ଗ୍ରାସ କରିବ ।
\q
\v 7 ଆମ୍ଭର ଲୋକମାନଙ୍କର ଆମ୍ଭଠାରୁ ବିମୁଖ ହେବାର ପ୍ରବୃତ୍ତି ଅଛି;
\q ଲୋକମାନେ ଊର୍ଦ୍ଧ୍ୱସ୍ଥଙ୍କ ନିକଟକୁ ଆସିବା ପାଇଁ ସେମାନଙ୍କୁ ଡାକିଲେ ମଧ୍ୟ
\q କେହି ତାହାଙ୍କର ପ୍ରଶଂସା କରେ ନାହିଁ ।
\p
\q
\s5
\v 8 ହେ ଇଫ୍ରୟିମ, ଆମ୍ଭେ କିରୂପେ ତୁମ୍ଭକୁ ତ୍ୟାଗ କରିବା ?
\q ହେ ଇସ୍ରାଏଲ, ଆମ୍ଭେ କିରୂପେ ତୁମ୍ଭକୁ ସମର୍ପି ଦେବା ?
\q ଆମ୍ଭେ କିରୂପେ ତୁମ୍ଭକୁ ଅଦ୍ମାର ନଗରୀ ତୁଲ୍ୟ କରିବା ?
\q ଆମ୍ଭେ କିରୂପେ ତୁମ୍ଭକୁ ସବୋୟିମର ନଗରୀ ତୁଲ୍ୟ ରଖିବା ?
\q ଆମ୍ଭ ହୃଦୟ ଆମ୍ଭ ଅନ୍ତରରେ ବ୍ୟାକୁଳ ହେଉଅଛି,
\q ଆମ୍ଭର ବିବିଧ ସ୍ନେହ ଏକତ୍ର ପ୍ରଜ୍ୱଳିତ ହେଉଅଛି ।
\q
\v 9 ଆମ୍ଭେ ଆପଣା କ୍ରୋଧର ପ୍ରଚଣ୍ଡତା ସଫଳ କରିବା ନାହିଁ,
\q ଆମ୍ଭେ ଇଫ୍ରୟିମକୁ ବିନାଶ କରିବା ପାଇଁ ଫେରିବା ନାହିଁ;
\q କାରଣ ଆମ୍ଭେ ପରମେଶ୍ୱର ଅଟୁ; ମନୁଷ୍ୟ ନୋହୁଁ;
\q ଆମ୍ଭେ ତୁମ୍ଭର ମଧ୍ୟବର୍ତ୍ତୀ ଧର୍ମସ୍ୱରୂପ ଅଟୁ;
\q ଆମ୍ଭେ ନଗର ମଧ୍ୟରେ ପ୍ରବେଶ କରିବା ନାହିଁ ।
\p
\q
\s5
\v 10 ଆମ୍ଭେ ସିଂହ ତୁଲ୍ୟ ଗର୍ଜନ କଲେ,
\q ସେମାନେ ସଦାପ୍ରଭୁଙ୍କର ପଶ୍ଚାଦ୍‍ଗମନ କରିବେ,
\q ଆଉ ଆମ୍ଭେ ଗର୍ଜନ କଲେ
\q ପଶ୍ଚିମ ଦିଗରୁ ସନ୍ତାନମାନେ ଥରଥର ହୋଇ ଆସିବେ ।
\q
\v 11 ସେମାନେ ପକ୍ଷୀ ପରି ମିସରରୁ
\q ଓ କପୋତ ପରି ଅଶୂର ଦେଶରୁ ଥରଥର ହୋଇ ଆସିବେ;
\q ପୁଣି, ଆମ୍ଭେ ସେମାନଙ୍କୁ ସେମାନଙ୍କ ଗୃହରେ ବାସ କରାଇବା,
\q ଏହା ପ୍ରଭୁ ସଦାପ୍ରଭୁ କହନ୍ତି ।
\p
\q
\s5
\v 12 ଇଫ୍ରୟିମ ମିଥ୍ୟା କଥାରେ ଓ ଇସ୍ରାଏଲ ବଂଶ ପ୍ରବଞ୍ଚନାରେ ଆମ୍ଭକୁ ଘେରୁଅଛନ୍ତି;
\q ମାତ୍ର ଯିହୁଦା ଏବେ ମଧ୍ୟ ପରମେଶ୍ୱରଙ୍କ ସହିତ କର୍ତ୍ତୃତ୍ୱ କରୁଅଛି
\q ଓ ଧର୍ମସ୍ୱରୂପଙ୍କ ସହିତ ବିଶ୍ୱସ୍ତ ହୋଇ ରହିଅଛି ।
\s5
\c 12
\p
\q
\v 1 ଇଫ୍ରୟିମ ବାୟୁ ଭୋଜନ କରେ
\q ଓ ପୂର୍ବୀୟ ବାୟୁର ପଛେ ପଛେ ଗମନ କରେ;
\q ସେ ସର୍ବଦା ମିଥ୍ୟା କଥା ଓ ଉପଦ୍ରବ ବୃଦ୍ଧି କରେ
\q ଓ ସେମାନେ ଅଶୂରର ସହିତ ନିୟମ କରନ୍ତି
\q ଓ ମିସରକୁ ତୈଳ ପଠାନ୍ତି ।
\s ଯିହୁଦା ଏବଂ ଇସ୍ରାଏଲ ବିରୁଦ୍ଧରେ ପରମେଶ୍ୱରଙ୍କ ଅଭିଯୋଗ
\p
\q
\v 2 ଆହୁରି, ସଦାପ୍ରଭୁଙ୍କ ଓ ଯିହୁଦା ମଧ୍ୟରେ ବିବାଦ ଅଛି,
\q ସେ ଯାକୁବକୁ ତାହାର ଆଚରଣ ଅନୁଯାୟୀ ଦଣ୍ଡ ଦେବେ;
\q ତାହାର କ୍ରିୟାନୁସାରେ ସେ ତାହାକୁ ପ୍ରତିଫଳ ଦେବେ ।
\q
\s5
\v 3 ଗର୍ଭରେ ସେ ଆପଣା ଭ୍ରାତାର ପାଦମୂଳ ଧରିଲା
\q ଓ ବୟଃପ୍ରାପ୍ତ ସମୟରେ ସେ ପରମେଶ୍ୱରଙ୍କ ସହିତ ଯୁଦ୍ଧ କଲା;
\q
\v 4 ହଁ, ସେ ଦୂତ ଉପରେ ବଳବାନ ହୋଇ ଜୟ କଲା;
\q ସେ କ୍ରନ୍ଦନ କରି ତାହାଙ୍କ ନିକଟରେ ବିନତି କଲା;
\q ସେ ବୈଥେଲରେ ତାହାଙ୍କ ଉଦ୍ଦେଶ୍ୟ ପାଇଲା,
\q ଆଉ ସେଠାରେ ସେ ଆମ୍ଭମାନଙ୍କ ସହିତ କଥା କହିଲେ ।
\p
\q
\s5
\v 5 ସେହି ସଦାପ୍ରଭୁ ସୈନ୍ୟାଧିପତି ପରମେଶ୍ୱର;
\q ସଦାପ୍ରଭୁ ତାହାଙ୍କର ସ୍ମରଣୀୟ ନାମ ।
\q
\v 6 ଏଥିନିମନ୍ତେ ତୁମ୍ଭେ ଆପଣା ପରମେଶ୍ୱରଙ୍କ ନିକଟକୁ ଫେର;
\q ଦୟା ଓ ନ୍ୟାୟ ବିଚାର ପାଳନ କର
\q ଓ ସର୍ବଦା ତୁମ୍ଭ ପରମେଶ୍ୱରଙ୍କ ଅପେକ୍ଷାରେ ଥାଅ ।
\p
\q
\s5
\v 7 ସେ ଜଣେ ବ୍ୟବସାୟୀ ଅଟେ, ତାହାର ହସ୍ତରେ ଛଳନାର ନିକ୍ତି ଅଛି;
\q ସେ ଉପଦ୍ରବ କରିବାକୁ ଭଲ ପାଏ ।
\q
\v 8 ପୁଣି, ଇଫ୍ରୟିମ କହିଲା, “ନିଶ୍ଚୟ ମୁଁ ଧନୀ ହୋଇଅଛି,
\q ମୁଁ ଆପଣା ନିମନ୍ତେ ସମ୍ପତ୍ତି ପାଇଅଛି;
\q ମୋ'ର ସବୁ ପରିଶ୍ରମରେ ସେମାନେ ପାପଯୁକ୍ତ କୌଣସି ଅଧର୍ମ ମୋ'ଠାରେ ପାଇବେ ନାହିଁ ।”
\p
\s5
\v 9 ମାତ୍ର ମିସର ଦେଶଠାରୁ ଆମ୍ଭେ ସଦାପ୍ରଭୁ ତୁମ୍ଭର ପରମେଶ୍ୱର ଅଟୁ;
\q ଆମ୍ଭେ ମହାପର୍ବ ଦିନର ନ୍ୟାୟ ତୁମ୍ଭକୁ ପୁନର୍ବାର ତମ୍ବୁରେ ବାସ କରାଇବା ।
\q
\v 10 ଆହୁରି, ଆମ୍ଭେ ଭବିଷ୍ୟଦ୍‍ବକ୍ତାଗଣ ନିକଟରେ କଥା କହିଅଛୁ
\q ଓ ଆମ୍ଭେ ନାନା ଦର୍ଶନର ବୃଦ୍ଧି କରିଅଛୁ;
\q ଆଉ ଭବିଷ୍ୟଦ୍‍ବକ୍ତାଗଣ ଦ୍ୱାରା ଦୃଷ୍ଟାନ୍ତର କଥା ବ୍ୟବହାର କରିଅଛୁ ।
\p
\q
\s5
\v 11 ଯଦି ଗିଲିୟଦରେ କିଛି ଅଧର୍ମ ଅଛି, ତେବେ ସେମାନେ ସର୍ବତୋଃ ଭାବେ ଅସାର;
\q ଗିଲ୍‍ଗଲ୍‍ରେ ସେମାନେ ବୃଷ ବଳିଦାନ କରନ୍ତି;
\q ହଁ, କ୍ଷେତ୍ରସ୍ଥ ଶିଆରର ଢିପି ପରି ସେମାନଙ୍କର ଯଜ୍ଞବେଦି ଅଛି ।
\q
\v 12 ପୁଣି, ଯାକୁବ ଅରାମ ଦେଶକୁ ପଳାଇ ଗଲା
\q ଓ ଇସ୍ରାଏଲ ଭାର୍ଯ୍ୟାର ନିମନ୍ତେ ଦାସ୍ୟକର୍ମ କଲା
\q ଓ ଭାର୍ଯ୍ୟା ନିମନ୍ତେ ମେଷ ଚରାଇଲା ।
\p
\q
\s5
\v 13 ସଦାପ୍ରଭୁ ଏକ ଜଣ ଭବିଷ୍ୟଦ୍‍ବକ୍ତା ଦ୍ୱାରା
\q ଇସ୍ରାଏଲକୁ ମିସରରୁ ବାହାର କରି ଆଣିଲେ
\q ଓ ଏକ ଜଣ ଭବିଷ୍ୟଦ୍‍ବକ୍ତା ଦ୍ୱାରା ସେ ରକ୍ଷିତ ହେଲା ।
\q
\v 14 ଇଫ୍ରୟିମ ଅତିଶୟ ବିରକ୍ତ କରାଇଅଛି;
\q ଏଥିପାଇଁ ତାହାର ରକ୍ତର ଦୋଷ ତାହା ଉପରେ ରହିବ
\q ଓ ତାହାର ପ୍ରଭୁ ତାହା ଉପରେ ତାହାର ଅପମାନ ବର୍ତ୍ତାଇବେ ।
\s5
\c 13
\s ଇସ୍ରାଏଲ ପ୍ରତି ପରମେଶ୍ୱରଙ୍କ କଠୋର ବିଚାର
\p
\q
\v 1 ଇଫ୍ରୟିମ କଥା କହିବା ବେଳେ ଲୋକମାନେ କମ୍ପିତ ହେଲେ;
\q ସେ ଇସ୍ରାଏଲ ମଧ୍ୟରେ ଆପଣାକୁ ଉନ୍ନତ କଲା;
\q ମାତ୍ର ବାଲ୍‍ଦେବ ବିଷୟରେ ଯେତେବେଳେ ସେ ଦୋଷ କଲା,
\q ସେତେବେଳେ ସେ ମଲା ।
\q
\v 2 ପୁଣି, ଏବେ ସେମାନେ ଅଧିକ ଅଧିକ ପାପ କରନ୍ତି
\q ଓ ରୂପାର ଢଳା ପ୍ରତିମା, ଅର୍ଥାତ୍‍,
\q ଆପଣା ଆପଣା ବୁଦ୍ଧି ଅନୁସାରେ ଦେବତା ନିର୍ମାଣ କରିଅଛନ୍ତି ।
\q ସେସବୁ କାରିଗରର କର୍ମ; ସେହି ସବୁର ବିଷୟରେ ସେମାନେ କହନ୍ତି,
\q ଯେଉଁ ଲୋକମାନେ ବଳିଦାନ କରନ୍ତି,
\q ସେମାନେ ଗୋବତ୍ସ ପ୍ରତିମାଗଣକୁ ଚୁମ୍ବନ କରନ୍ତୁ ।
\q
\s5
\v 3 ଏଥିପାଇଁ ସେମାନେ ପ୍ରାତଃକାଳରେ ମେଘ ଓ ପ୍ରତ୍ୟୁଷର ବହିଯିବା କାକର
\q ଓ ଘୂର୍ଣ୍ଣିବାୟୁରେ ଖଳାରୁ ଉଡ଼ିଯିବା ତୁଷ ଓ ନଳ ଦେଇ ବାହାରି ଯିବା ଧୂଆଁ ପରି ହେବେ ।
\p
\q
\s5
\v 4 ତଥାପି ମିସର ଦେଶଠାରୁ ଆମ୍ଭେ ସଦାପ୍ରଭୁ ତୁମ୍ଭର ପରମେଶ୍ୱର ଅଟୁ
\q ଓ ତୁମ୍ଭେ ଆମ୍ଭ ଛଡ଼ା ଆଉ କାହାକୁ ପରମେଶ୍ୱର ବୋଲି ଜାଣିବ ନାହିଁ
\q ଓ ଆମ୍ଭ ବ୍ୟତୀତ ଅନ୍ୟ ତ୍ରାଣକର୍ତ୍ତା ନାହିଁ ।
\q
\v 5 ଆମ୍ଭେ ପ୍ରାନ୍ତରରେ ଓ ମହାମରୁଭୂମିରେ ତୁମ୍ଭକୁ ଜାଣିଲୁ ।
\q
\v 6 ସେମାନେ ଆମ୍ଭମାନଙ୍କ ଚରାଣି ସ୍ଥାନ ଅନୁସାରେ ପରିତୃପ୍ତ ହେଲେ;
\q ସେମାନେ ପରିତୃପ୍ତ ହୋଇ ଅନ୍ତଃକରଣରେ ଗର୍ବିତ ହେଲେ;
\q2 ଏଥିପାଇଁ ସେମାନେ ଆମ୍ଭକୁ ପାସୋରି ଅଛନ୍ତି ।
\p
\s5
\v 7 ସେଥିପାଇଁ ଆମ୍ଭେ ସେମାନଙ୍କ ପ୍ରତି ସିଂହ ତୁଲ୍ୟ ହେବୁ;
\q ଆମ୍ଭେ ଚିତାବାଘ ପରି ପଥ ପାର୍ଶ୍ୱରେ ଛକି ବସିବା;
\q
\v 8 ଆମ୍ଭେ ଛୁଆହରା ଭଲ୍ଲୁକୀ ପରି ସେମାନଙ୍କୁ ହାବୁଡ଼ିବା
\q ଓ ସେମାନଙ୍କର ବକ୍ଷକୁ ବିଦୀର୍ଣ୍ଣ କରିବା;
\q ଆଉ, ସିଂହ ନ୍ୟାୟ ଆମ୍ଭେ ସେଠାରେ ସେମାନଙ୍କୁ ଗ୍ରାସ କରିବା;
\q ବନ୍ୟ ପଶୁ ସେମାନଙ୍କୁ ବିଦୀର୍ଣ୍ଣ କରିବ ।
\p
\q
\s5
\v 9 ହେ ଇସ୍ରାଏଲ, ତୁମ୍ଭେ ଯେ ଆମ୍ଭର ବିପକ୍ଷ,
\q ତୁମ୍ଭ ସହାୟର ବିପକ୍ଷ ହୋଇଅଛ, ଏହା ତୁମ୍ଭର ସର୍ବନାଶର କାରଣ ।
\q
\v 10 ତୁମ୍ଭର ନଗରସମୂହରେ ତୁମ୍ଭକୁ ରକ୍ଷା କରିବା ପାଇଁ ଏବେ ତୁମ୍ଭର ରାଜା କାହିଁ ?
\q ମୋତେ ରାଜା ଓ ଅଧିପତିଗଣ ଦିଅ ବୋଲି ଯେଉଁମାନଙ୍କ ବିଷୟରେ ତୁମ୍ଭେ କହିଲ,
\q ତୁମ୍ଭର ସେହି ବିଚାରକର୍ତ୍ତାଗଣ କାହାନ୍ତି ?
\q
\v 11 ଆମ୍ଭେ ଆପଣା କ୍ରୋଧରେ ତୁମ୍ଭକୁ ରାଜା ଦେଇଅଛୁ
\q ଓ ଆପଣା କୋପରେ ତାହାକୁ ନେଇ ଯାଇଅଛୁ ।
\p
\q
\s5
\v 12 ଇଫ୍ରୟିମର ଅଧର୍ମ ବନ୍ଧା ଯାଇଅଛି; ତାହାର ପାପ ସଞ୍ଚିତ ହୋଇଅଛି ।
\q
\v 13 ପ୍ରସବକାରିଣୀ ସ୍ତ୍ରୀର ବେଦନା ତାହାକୁ ଆକ୍ରାନ୍ତ କରିବ;
\q ସେ ଅଜ୍ଞାନ ଶିଶୁ; କାରଣ ଶିଶୁମାନଙ୍କର ପ୍ରସବ ଦ୍ୱାରରେ
\q ତାହାର ବିଳମ୍ବ କରି ରହିବାର ଉଚିତ୍ ନୁହେଁ ।
\p
\q
\s5
\v 14 ଆମ୍ଭେ ପାତାଳର ପରାକ୍ରମରୁ ସେମାନଙ୍କୁ ଉଦ୍ଧାର କରିବା;
\q ଆମ୍ଭେ ମୃତ୍ୟୁରୁ ସେମାନଙ୍କୁ ମୁକ୍ତ କରିବା;
\q ହେ ମୃତ୍ୟୁ, ତୁମ୍ଭର ମହାମାରୀ କାହିଁ ?
\q ହେ ପାତାଳ, ତୁମ୍ଭର ସଂହାର କାହିଁ ?
\q ଅନୁତାପ ଆମ୍ଭ ଦୃଷ୍ଟିରୁ ଗୁପ୍ତ ରହିବ ।
\p
\q
\s5
\v 15 ଯଦ୍ୟପି ସେ ଆପଣା ଭ୍ରାତୃଗଣ ମଧ୍ୟରେ ଫଳବାନ ହୁଏ,
\q ତଥାପି ପୂର୍ବୀୟ ବାୟୁ ସଦାପ୍ରଭୁଙ୍କର ଶ୍ୱାସ ପ୍ରାନ୍ତରରୁ ଆସିବ,
\q ତହିଁରେ ତାହାର ନିର୍ଝର ଶୁଷ୍କ ହେବ ଓ ତାହାର ଜଳାକାର ଶୁଖିଯିବ;
\q ସେ ତାହାର ଯାବତୀୟ ମନୋହର ପାତ୍ରର ଭଣ୍ଡାର ଲୁଟ କରିବେ ।
\q
\s5
\v 16 ଶମରୀୟା ଆପଣା ଦୋଷର ଫଳ ଭୋଗ କରିବ;
\q କାରଣ ସେ ଆପଣା ପରମେଶ୍ୱରଙ୍କର ବିଦ୍ରୋହାଚରଣ କରିଅଛି;
\q ସେମାନେ ଖଡ୍ଗରେ ପତିତ ହେବେ;
\q ସେମାନଙ୍କର ଶିଶୁମାନେ କଚଡ଼ା ଯାଇ ଖଣ୍ଡ ଖଣ୍ଡ ହେବେ;
\q ସେମାନଙ୍କର ଗର୍ଭବତୀ ସ୍ତ୍ରୀମାନେ ଚିରାଯିବେ ।
\s5
\c 14
\s ପରମେଶ୍ୱରଙ୍କ ନିକଟକୁ ଫେରି ଆସିବାକୁ ଆହ୍ୱାନ
\p
\q
\v 1 ହେ ଇସ୍ରାଏଲ, ତୁମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ନିକଟକୁ ଫେରି ଆସ;
\q କାରଣ ତୁମ୍ଭେ ଆପଣା ଅଧର୍ମରେ ପତିତ ହୋଇଅଛ ।
\q
\v 2 ତୁମ୍ଭେମାନେ ବାକ୍ୟ ସଙ୍ଗରେ ଘେନି ସଦାପ୍ରଭୁଙ୍କ ନିକଟକୁ ଫେରି ଆସ;
\q ତାହାଙ୍କୁ କୁହ, ଅଧର୍ମସକଳ କ୍ଷମା କର ଓ ଯାହା ଉତ୍ତମ, ତାହା ଗ୍ରହଣ କର;
\q ତହିଁରେ ଆମ୍ଭେମାନେ ଆପଣା ଆପଣା ଓଷ୍ଠାଧରର ଉପହାର ବୃଷ ରୂପରେ ଉତ୍ସର୍ଗ କରିବା ।
\p
\q
\s5
\v 3 ଅଶୂର ଆମ୍ଭମାନଙ୍କର ପରିତ୍ରାଣ କରିବ ନାହିଁ;
\q ଆମ୍ଭେମାନେ ଅଶ୍ୱାରୋହଣ କରିବା ନାହିଁ;
\q କିଅବା ତୁମ୍ଭେମାନେ ଆମ୍ଭମାନଙ୍କର ଦେବଗଣ ବୋଲି
\q ଆପଣାମାନଙ୍କ ହସ୍ତକୃତ ବସ୍ତୁକୁ ଆଉ କହିବା ନାହିଁ;
\q କାରଣ ପିତୃହୀନ ତୁମ୍ଭ ନିକଟରେ ଦୟା ପ୍ରାପ୍ତ ହୁଏ ।
\p
\q
\s5
\v 4 ଆମ୍ଭେ ସେମାନଙ୍କ ବିପଥଗମନର ପ୍ରତିକାର କରିବା,
\q ଆମ୍ଭେ ସ୍ୱଚ୍ଛନ୍ଦରେ ସେମାନଙ୍କୁ ପ୍ରେମ କରିବା;
\q କାରଣ ଆମ୍ଭ କ୍ରୋଧ ତାହାଠାରୁ ନିବୃତ୍ତ ହୋଇଅଛି ।
\q
\v 5 ଆମ୍ଭେ ଇସ୍ରାଏଲ ପକ୍ଷରେ କାକର ତୁଲ୍ୟ ହେବା;
\q ସେ କୋଇଁ ଫୁଲ ତୁଲ୍ୟ ଫୁଟିବ ଓ ଲିବାନୋନ୍‍ର ତୁଲ୍ୟ ମୂଳ ବାନ୍ଧିବ ।
\q
\v 6 ତାହାର ଶାଖାସବୁ ବିସ୍ତାରିତ ହେବ
\q ଓ ତାହାର ଶୋଭା ଜୀତବୃକ୍ଷ ତୁଲ୍ୟ
\q ଓ ତାହାର ସୁବାସ ଲିବାନୋନ୍‍ ପରି ହେବ ।
\p
\q
\s5
\v 7 ତାହାର ଛାୟା ତଳେ ବାସକାରୀମାନେ ଫେରି ଆସିବେ;
\q ସେମାନେ ଶସ୍ୟ ପରି ସଂଜୀବିତ ହେବେ ଓ ଦ୍ରାକ୍ଷାଲତା ପରି ପ୍ରସ୍ପୁଟିତ ହେବେ;
\q ତହିଁର ସୁବାସ ଲିବାନୋନ୍‍ର ଦ୍ରାକ୍ଷାରସ ତୁଲ୍ୟ ହେବ ।
\q
\v 8 ଇଫ୍ରୟିମ କହିବ, ପ୍ରତିମାଗଣରେ ମୋର ଆଉ କି କାର୍ଯ୍ୟ ?
\q ଆମ୍ଭେ ଉତ୍ତର ଦେଇଅଛୁ ଓ ତାହା ବିଷୟରେ ମନୋଯୋଗ କରିବା;
\q ଆମ୍ଭେ ସତେଜ ଦେବଦାରୁ ବୃକ୍ଷ ତୁଲ୍ୟ; ଆମ୍ଭଠାରୁ ତୁମ୍ଭର ଫଳପ୍ରାପ୍ତି ହୁଏ ।
\p
\q
\s5
\v 9 ଜ୍ଞାନବାନ କିଏ ? ସେ ଏହିସବୁ ବିଷୟ ବୁଝିବ ।
\q ବୁଦ୍ଧିମାନ କିଏ ? ସେ ଏସବୁ ଜାଣିବ,
\q କାରଣ ସଦାପ୍ରଭୁଙ୍କର ପଥସକଳ ସରଳ, ଧାର୍ମିକମାନେ ତହିଁରେ ଗମନ କରିବେ;
\q ମାତ୍ର ଆଜ୍ଞା ଲଙ୍ଘନକାରୀମାନେ ତହିଁ ମଧ୍ୟରେ ପତିତ ହେବେ ।

434
29-JOL.usfm Normal file
View File

@ -0,0 +1,434 @@
\id JOL
\ide UTF-8
\sts - Odia Old Version Revision
\rem - Copyright Information: Creative Commons Attribution - ShareAlike 4.0 licence
\h - ଯୋୟେଲ
\toc1 - ଯୋୟେଲ ଭବିଷ୍ୟଦ୍‍ବକ୍ତାଙ୍କ ପୁସ୍ତକ
\toc2 - ଯୋୟେଲ
\toc3 jol
\mt1 ଯୋୟେଲ ଭବିଷ୍ୟଦ୍‍ବକ୍ତାଙ୍କ ପୁସ୍ତକ
\mt2 THE BOOK OF PROPHET
\s5
\c 1
\p
\v 1 ପଥୂୟେଲଙ୍କ ପୁତ୍ର ଯୋୟେଲଙ୍କ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା ।
\s ଶସ୍ୟ ହାନି ସକାଶୁ ଦେଶବାସୀଙ୍କ ବିଳାପ
\p
\q
\v 2 ହେ ଇସ୍ରାଏଲର ପ୍ରାଚୀନଗଣ, ତୁମ୍ଭେମାନେ ଏହି କଥା ଶୁଣ,
\q ଆଉ ହେ ଦେଶନିବାସୀସକଳ, ତୁମ୍ଭେମାନେ କର୍ଣ୍ଣପାତ କର ।
\q ତୁମ୍ଭମାନଙ୍କ ସମୟରେ କିଅବା
\q ତୁମ୍ଭମାନଙ୍କର ପିତୃପୁରୁଷଗଣର ସମୟରେ କି ଏହା ଘଟିଅଛି ?
\q
\v 3 ତୁମ୍ଭେମାନେ ଆପଣା ଆପଣା ସନ୍ତାନଗଣକୁ ଏହା ଜଣାଅ
\q ଓ ତୁମ୍ଭମାନଙ୍କର ସନ୍ତାନଗଣ ସେମାନଙ୍କ ସନ୍ତାନଗଣକୁ ଜଣାଉନ୍ତୁ,
\q ଆଉ ସେମାନଙ୍କର ସନ୍ତାନଗଣ ଆସନ୍ତା ପିଢ଼ିଙ୍କୁ ଜଣାଉନ୍ତୁ ।
\p
\q
\s5
\v 4 ଶୂକ କୀଟ ଯାହା ଛାଡ଼ିଲା, ପଙ୍ଗପାଳ ତାହା ଖାଇଅଛି
\q ଓ ପଙ୍ଗପାଳ ଯାହା ଛାଡ଼ିଲା, ପତଙ୍ଗ ତାହା ଖାଇଅଛି
\q ଓ ପତଙ୍ଗ ଯାହା ଛାଡ଼ିଲା, ଘୁର୍ଘୁରିଆ ତାହା ଖାଇଅଛି ।
\p
\q
\s5
\v 5 ହେ ମତୁଆଳାମାନେ, ଜାଗି ଉଠ ଓ ରୋଦନ କର,
\q ହେ ମଦ୍ୟପାୟୀ ସମସ୍ତେ, ମିଷ୍ଟ ଦ୍ରାକ୍ଷାରସ ସକାଶୁ ହାହାକାର କର;
\q କାରଣ ତାହା ତୁମ୍ଭମାନଙ୍କର ମୁଖରୁ ଅନ୍ତର କରାଯାଇଅଛି ।
\q
\v 6 ଯେହେତୁ ଆମ୍ଭ ଦେଶ ବିରୁଦ୍ଧରେ ଏକ ଗୋଷ୍ଠୀ ଉଠି ଆସିଅଛି,
\q ସେ ବଳବାନ୍ ଓ ଅସଂଖ୍ୟ; ତାହାର ଦନ୍ତ ସିଂହଦନ୍ତ ତୁଲ୍ୟ
\q ଓ ତାହାର କଳଦନ୍ତ ଏକ ବୃହତ୍ ସିଂହର କଳଦନ୍ତ ତୁଲ୍ୟ ।
\q
\v 7 ସେ ଆମ୍ଭର ଦ୍ରାକ୍ଷାଲତା ଉଜାଡ଼ କରିଅଛି
\q ଓ ଆମ୍ଭ ଡିମିରି ବୃକ୍ଷର ଛେଲି ଛଡ଼ାଇ ପକାଇଅଛି;
\q ସେ ତାହା ସମ୍ପୂର୍ଣ୍ଣ ଛେଲିଶୂନ୍ୟ କରି ପକାଇ ଦେଇଅଛି;
\q ତହିଁର ଶାଖାସବୁ ଶୁକ୍ଳ କରାଯାଇଅଛି ।
\p
\q
\s5
\v 8 ଯୌବନକାଳୀନ ସ୍ୱାମୀ ଶୋକରେ
\q ଚଟବସ୍ତ୍ର ପରିହିତା କନ୍ୟା ତୁଲ୍ୟ ବିଳାପ କର ।
\q
\v 9 ସଦାପ୍ରଭୁଙ୍କ ଗୃହରୁ ଭକ୍ଷ୍ୟ ନୈବେଦ୍ୟ
\q ଓ ପେୟ ନୈବେଦ୍ୟ ଅନ୍ତର କରାଯାଇଅଛି;
\q ସଦାପ୍ରଭୁଙ୍କର ପରିଚାରକ ଯାଜକଗଣ ଶୋକ କରନ୍ତି ।
\q
\v 10 କ୍ଷେତ୍ର ଉଜାଡ଼ ହୋଇଅଛି, ଦେଶ ଶୋକ କରୁଅଛି;
\q କାରଣ ଶସ୍ୟ ଉଜାଡ଼ ହୋଇଅଛି,
\q ନୂତନ ଦ୍ରାକ୍ଷାରସ ଶୁଖି ଯାଇଅଛି; ତୈଳ କ୍ଷୟ ପାଇଅଛି ।
\p
\q
\s5
\v 11 ହେ କୃଷକଗଣ, ତୁମ୍ଭେମାନେ ଲଜ୍ଜିତ ହୁଅ,
\q ହେ ଦ୍ରାକ୍ଷାକ୍ଷେତ୍ରର ପାଳକଗଣ,
\q ତୁମ୍ଭେମାନେ ଗହମ ଓ ଯବ ବିଷୟରେ ହାହାକାର କର;
\q କାରଣ କ୍ଷେତ୍ରର ଶସ୍ୟ ନଷ୍ଟ ହୋଇଅଛି ।
\q
\v 12 ଦ୍ରାକ୍ଷାଲତା ଶୁଷ୍କ ହୋଇଅଛି ଓ ଡିମିରି ବୃକ୍ଷ ମ୍ଳାନ ହେଉଅଛି;
\q ଡାଳିମ୍ବ ବୃକ୍ଷ, ମଧ୍ୟ ଖର୍ଜୂର ବୃକ୍ଷ ଓ ନାଗରଙ୍ଗ ବୃକ୍ଷ,
\q ଆଉ କ୍ଷେତ୍ରସ୍ଥ ଯାବତୀୟ ବୃକ୍ଷ ଶୁଷ୍କ ହୋଇଅଛି;
\q କାରଣ ମନୁଷ୍ୟ ସନ୍ତାନଗଣ ମଧ୍ୟରୁ ଆନନ୍ଦ ଶୁଷ୍କ ହୋଇ ଯାଇଅଛି ।
\s ଅନୁତାପ ନିମନ୍ତେ ଆହ୍ୱାନ
\p
\q
\s5
\v 13 ହେ ଯାଜକଗଣ, ତୁମ୍ଭେମାନେ ଚଟବସ୍ତ୍ରରେ କଟି ବାନ୍ଧି ବିଳାପ କର;
\q ହେ ଯଜ୍ଞବେଦିର ପରିଚାରକଗଣ, ତୁମ୍ଭେମାନେ ହାହାକାର କର;
\q ହେ ଆମ୍ଭ ପରମେଶ୍ୱରଙ୍କର ପରିଚାରକଗଣ,
\q ତୁମ୍ଭେମାନେ ଆସ, ଚଟବସ୍ତ୍ର ପିନ୍ଧି ରାତ୍ରିଯାକ କ୍ଷେପଣ କର;
\q କାରଣ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ଗୃହରୁ
\q ଭକ୍ଷ୍ୟ ନୈବେଦ୍ୟ ଓ ପେୟ ନୈବେଦ୍ୟ ନିବୃତ୍ତ କରାଯାଇଅଛି ।
\p
\q
\v 14 ତୁମ୍ଭେମାନେ ପବିତ୍ର ଉପବାସ ନିରୂପଣ କର, ମହାସଭା ଆହ୍ୱାନ କର,
\q ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କର ଗୃହରେ
\q ପ୍ରାଚୀନଗଣଙ୍କୁ ଓ ଦେଶନିବାସୀ ସମସ୍ତଙ୍କୁ ଏକତ୍ର କରି
\q ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କର ।
\p
\q
\s5
\v 15 ହାୟ ହାୟ ସେ ଦିନ ! କାରଣ ସଦାପ୍ରଭୁଙ୍କ ଦିନ ସନ୍ନିକଟ,
\q ସର୍ବଶକ୍ତିମାନଙ୍କ ନିକଟରୁ ପ୍ରଳୟର ତୁଲ୍ୟ ତାହା ଉପସ୍ଥିତ ହେବ ।
\q
\v 16 ଆମ୍ଭମାନଙ୍କ ଦୃଷ୍ଟିରୁ ଖାଦ୍ୟ ଓ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଗୃହରୁ
\q ଆନନ୍ଦ ଓ ଉଲ୍ଲାସ କି ଅଲଗା କରାଯାଇ ନାହିଁ ?
\q
\v 17 ବିହନସବୁ ଟେଳା ତଳେ ପଚି ଯାଉଅଛି;
\q ଗୋଲାସବୁ ଧ୍ୱଂସିତ, ଶସ୍ୟ ଅମାରସବୁ ଭଗ୍ନ ହୋଇଅଛି;
\q କାରଣ ଶସ୍ୟ ଶୁଷ୍କ ହୋଇଅଛି ।
\q
\s5
\v 18 ପଶୁଗଣ କିପରି ଆର୍ତ୍ତସ୍ୱର କରନ୍ତି !
\q ଚରା ନ ଥିବାରୁ ଗୋରୁପଲ ବ୍ୟାକୁଳ ହେଉଅଛନ୍ତି;
\q ମେଷପଲ ଦଣ୍ଡ ପାଉଅଛନ୍ତି ।
\p
\q
\v 19 ହେ ସଦାପ୍ରଭୁ, ମୁଁ ତୁମ୍ଭ ନିକଟରେ ପ୍ରାର୍ଥନା କରୁଅଛି;
\q କାରଣ ଅଗ୍ନି ପ୍ରାନ୍ତରର ଚରାଣି ସ୍ଥାନ ସବୁ ଗ୍ରାସ କରିଅଛି
\q ଓ ଅଗ୍ନିଶିଖା କ୍ଷେତ୍ରର ବୃକ୍ଷସବୁ ଦଗ୍ଧ କରିଅଛି ।
\q
\v 20 ହଁ, କ୍ଷେତ୍ରସ୍ଥ ପଶୁସକଳ ତୁମ୍ଭ ନିକଟରେ ଧଇଁସଇଁ ହେଉଅଛନ୍ତି;
\q ଯେହେତୁ ଜଳସ୍ରୋତସବୁ ଶୁଷ୍କ ହୋଇଅଛି
\q ଓ ଅଗ୍ନି ପ୍ରାନ୍ତରର ଚରାଣି ସ୍ଥାନ ସବୁ ଗ୍ରାସ କରିଅଛି ।
\s5
\c 2
\s ସଦାପ୍ରଭୁଙ୍କର ଦିନ
\p
\q
\v 1 ତୁମ୍ଭେମାନେ ସିୟୋନରେ ତୂରୀ ବଜାଅ
\q ଓ ଆମ୍ଭ ପବିତ୍ର ପର୍ବତରେ ଘୋରନାଦ କର !
\q ଦେଶନିବାସୀ ସମସ୍ତେ କମ୍ପମାନ ହେଉନ୍ତୁ;
\q କାରଣ ସଦାପ୍ରଭୁଙ୍କର ଦିନ ଆସୁଅଛି, ସେ ଦିନ ନିକଟ ।
\p
\q
\v 2 ତାହା ତିମିର ଓ ଅନ୍ଧକାରମୟ ଦିନ,
\q ତାହା ମେଘାଚ୍ଛନ୍ନ ଓ ନିବିଡ଼ ଅନ୍ଧକାରମୟ ଦିନ,
\q ପର୍ବତଗଣର ଉପରେ ଅରୁଣ ତୁଲ୍ୟ ତାହା ବ୍ୟାପ୍ତ ହେଉଅଛି;
\q ମହତୀ ଓ ବଳବତୀ ଏକ ଗୋଷ୍ଠୀ,
\q ତାହାରି ସଦୃଶ ଗୋଷ୍ଠୀ କେବେ ହୋଇ ନାହିଁ,
\q କିଅବା ସେମାନଙ୍କ ଉତ୍ତାରେ ଅନେକ ଅନେକ
\q ପିଢ଼ିର ବର୍ଷ ପର୍ଯ୍ୟନ୍ତ ହେବ ନାହିଁ ।
\p
\q
\s5
\v 3 ସେମାନଙ୍କ ଆଗରେ ଅଗ୍ନି ଗ୍ରାସ କରୁଅଛି
\q ଓ ସେମାନଙ୍କ ପଶ୍ଚାତରେ ଅଗ୍ନିଶିଖା ଦଗ୍ଧ କରୁଅଛି;
\q ସେମାନଙ୍କ ଆଗରେ ଦେଶ ଏଦନ ଉଦ୍ୟାନ ତୁଲ୍ୟ
\q ଓ ସେମାନଙ୍କ ପଶ୍ଚାତରେ ତାହା ଧ୍ୱଂସିତ ପ୍ରାନ୍ତର;
\q ଆଉ, ସେମାନଙ୍କଠାରୁ ରକ୍ଷାପ୍ରାପ୍ତ କେହି ନାହିଁ ।
\p
\q
\s5
\v 4 ସେମାନଙ୍କର ଆକାର ଅଶ୍ୱଗଣର ଆକୃତି ତୁଲ୍ୟ
\q ଓ ସେମାନେ ଅଶ୍ୱାରୋହୀଗଣର ତୁଲ୍ୟ ଦୌଡ଼ନ୍ତି ।
\q
\v 5 ପର୍ବତଗଣର ଶୃଙ୍ଗରେ ରଥସମୂହର ଶବ୍ଦ ତୁଲ୍ୟ ସେମାନେ କୁଦନ୍ତି,
\q ନଡ଼ାଗ୍ରାସକାରୀ ଅଗ୍ନିଶିଖାର ଶବ୍ଦ ତୁଲ୍ୟ,
\q ସେମାନେ ଯୁଦ୍ଧାର୍ଥେ ଶ୍ରେଣୀବଦ୍ଧ ବଳବତୀ ଗୋଷ୍ଠୀ ତୁଲ୍ୟ ।
\q
\s5
\v 6 ସେମାନଙ୍କ ସାକ୍ଷାତରେ ଗୋଷ୍ଠୀଗଣ ଯନ୍ତ୍ରଣାଯୁକ୍ତ;
\q ସମସ୍ତଙ୍କର ମୁଖ ମଳିନ ।
\p
\q
\v 7 ସେମାନେ ବୀରଗଣ ତୁଲ୍ୟ ଦୌଡ଼ନ୍ତି;
\q ସେମାନେ ଯୋଦ୍ଧାଗଣ ତୁଲ୍ୟ ପ୍ରାଚୀର ଚଢ଼ନ୍ତି;
\q ସେମାନେ ପ୍ରତ୍ୟେକେ ଆପଣା ଆପଣା ପଥରେ ଅଗ୍ରସର ହୁଅନ୍ତି
\q ଓ ସେମାନେ ଆପଣା ଆପଣା ଶ୍ରେଣୀ ଭଗ୍ନ କରନ୍ତି ନାହିଁ ।
\q
\s5
\v 8 ଅବା ସେମାନଙ୍କର ଏକ ଜଣ ଆର ଜଣକୁ ଠେଲନ୍ତି ନାହିଁ;
\q ସେମାନେ ପ୍ରତ୍ୟେକେ ଆପଣା ଆପଣା ପଥରେ ଅଗ୍ରସର ହୁଅନ୍ତି;
\q ସେମାନେ ଅସ୍ତ୍ରଶସ୍ତ୍ର ମଧ୍ୟରେ ପେଲି ହୋଇ ପଶନ୍ତି
\q ଓ ଆପଣା ଆପଣା ଯିବାର ପଥ ଛାଡ଼ନ୍ତି ନାହିଁ ।
\p
\q
\v 9 ସେମାନେ ନଗର ଉପରେ କୁଦନ୍ତି;
\q ସେମାନେ ପ୍ରାଚୀର ଉପରେ ଦୌଡ଼ନ୍ତି;
\q ସେମାନେ ଗୃହ ଉପରେ ଚଢ଼ନ୍ତି;
\q ସେମାନେ ଚୋର ପରି ଝରକା ବାଟେ ପ୍ରବେଶ କରନ୍ତି ।
\q
\s5
\v 10 ସେମାନଙ୍କ ସମ୍ମୁଖରେ ପୃଥିବୀ କମ୍ପିତ ହୁଏ;
\q ଆକାଶମଣ୍ଡଳ ଥରଥର ହୁଏ;
\q ସୂର୍ଯ୍ୟ ଓ ଚନ୍ଦ୍ର ଅନ୍ଧକାରମୟ ହୁଏ
\q ଓ ନକ୍ଷତ୍ରଗଣ ଆପଣା ଆପଣା ତେଜ ରହିତ କରନ୍ତି ।
\p
\q
\v 11 ପୁଣି, ସଦାପ୍ରଭୁ ଆପଣା ସୈନ୍ୟସାମନ୍ତ ସମ୍ମୁଖରେ
\q ଆପଣା ରବ ଉଚ୍ଚାରଣ କରନ୍ତି;
\q କାରଣ ତାହାଙ୍କର ଛାଉଣୀ ଅତି ବଡ଼;
\q କାରଣ ତାହାଙ୍କର ବାକ୍ୟ ଯେ ସାଧନ କରେ, ସେ ବଳବାନ୍ ।
\q କାରଣ ସଦାପ୍ରଭୁଙ୍କର ଦିନ ମହତ୍‍ ଓ ଅତି ଭୟାନକ;
\q ଆଉ କିଏ ତାହା ସହ୍ୟ କରି ପାରେ ?
\s ଅନୁତାପ ନିମନ୍ତେ ଆହ୍ୱାନ
\p
\q
\s5
\v 12 ତଥାପି ସଦାପ୍ରଭୁ କହନ୍ତି,
\q “ଏବେ ହେଁ ତୁମ୍ଭେମାନେ ଉପବାସ, ରୋଦନ ଓ ବିଳାପ କରି
\q ଆପଣାମାନଙ୍କର ସର୍ବାନ୍ତଃକରଣ ସହିତ ଆମ୍ଭ ନିକଟକୁ ଫେରି ଆସ ।”
\q
\v 13 ପୁଣି, ଆପଣା ଆପଣା ବସ୍ତ୍ର ନ ଚିରି ଅନ୍ତଃକରଣ ଚିର
\q ଓ ସଦାପ୍ରଭୁ ଆପଣାମାନଙ୍କର ପରମେଶ୍ୱରଙ୍କ ନିକଟକୁ ଫେରି ଆସ;
\q କାରଣ ସେ କୃପାମୟ ଓ ସ୍ନେହଶୀଳ,
\q କ୍ରୋଧରେ ଧୀର ଓ ଦୟାରେ ପରିପୂର୍ଣ୍ଣ,
\q ଆଉ ସେ ଅମଙ୍ଗଳ କରିବା ବିଷୟରେ କ୍ଷାନ୍ତ ହୁଅନ୍ତି ।
\p
\q
\s5
\v 14 କେଜାଣି ସେ ଫେରି ଦୁଃଖିତ ହେବେ ଓ ଆପଣା ପଶ୍ଚାତ୍‍ ଆଶୀର୍ବାଦ,
\q ଅର୍ଥାତ୍‍, ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ
\q ଭକ୍ଷ୍ୟ ନୈବେଦ୍ୟ ଓ ପେୟ ନୈବେଦ୍ୟ ରଖିଯିବେ ।
\p
\s5
\v 15 ସିୟୋନରେ ତୂରୀ ବଜାଅ
\q ଓ ପବିତ୍ର ଉପବାସ ନିରୂପଣ କର, ମହାସଭା ଆହ୍ୱାନ କର;
\q
\v 16 ଲୋକମାନଙ୍କୁ ଏକତ୍ର କର,
\q ପବିତ୍ର ସମାଜ ନିରୂପଣ କର, ପ୍ରାଚୀନମାନଙ୍କୁ ସଂଗ୍ରହ କର,
\q ବାଳକ, ବାଳିକାମାନଙ୍କୁ ଓ ଦୁଗ୍ଧପୋଷ୍ୟ ଶିଶୁମାନଙ୍କୁ ଏକତ୍ର କର;
\q ବର ଆପଣା ଶୟନ ଗୃହରୁ ଓ କନ୍ୟା ଆପଣା ଅନ୍ତଃପୁରରୁ ବାହାର ହେଉ ।
\p
\q
\s5
\v 17 ବରଣ୍ଡା ଓ ବେଦିର ମଧ୍ୟସ୍ଥାନରେ
\q ସଦାପ୍ରଭୁଙ୍କର ପରିଚାରକ ଯାଜକମାନେ ରୋଦନ କରନ୍ତୁ,
\q ଆଉ ସେମାନେ କହନ୍ତୁ,
\q “ହେ ସଦାପ୍ରଭୁ, ଆପଣା ଲୋକମାନଙ୍କୁ ଦୟା କର
\q ଓ ଅନ୍ୟ ଦେଶୀୟମାନେ ଯେପରି
\q ସେମାନଙ୍କ ଉପରେ ଶାସନ ନ କରିବେ,
\q ଏଥିପାଇଁ ଆପଣା ଅଧିକାରକୁ ନିନ୍ଦିତ ହେବାକୁ ଦିଅ ନାହିଁ;
\q ସେମାନଙ୍କର ପରମେଶ୍ୱର କାହାନ୍ତି,
\q ଏହା ସେମାନେ ନାନା ଗୋଷ୍ଠୀ ମଧ୍ୟରେ କାହିଁକି କହିବେ ?”
\s ପରମେଶ୍ୱରଙ୍କ ଆଶୀର୍ବାଦ
\p
\q
\s5
\v 18 ସେତେବେଳେ ସଦାପ୍ରଭୁ ଆପଣା ଦେଶ ପାଇଁ ଉଦ୍‍ଯୋଗୀ ହେଲେ
\q ଓ ଆପଣା ଲୋକମାନଙ୍କ ପ୍ରତି ଦୟା କଲେ ।
\q
\v 19 ପୁଣି, ସଦାପ୍ରଭୁ ଆପଣା ଲୋକମାନଙ୍କୁ ଉତ୍ତର ଦେଇ କହିଲେ,
\q “ଦେଖ, ଆମ୍ଭେ ତୁମ୍ଭମାନଙ୍କ ନିକଟକୁ ଶସ୍ୟ,
\q ଦ୍ରାକ୍ଷାରସ ଓ ତୈଳ ପଠାଇ ଦେବା,
\q ଆଉ ତୁମ୍ଭେମାନେ ତହିଁରେ ତୃପ୍ତ ହେବ;
\q ପୁଣି, ଆମ୍ଭେ ଅନ୍ୟ ଦେଶୀୟମାନଙ୍କ ମଧ୍ୟରେ
\q ତୁମ୍ଭମାନଙ୍କୁ ଆଉ ନିନ୍ଦାର ପାତ୍ର କରିବା ନାହିଁ ।
\p
\q
\s5
\v 20 ମାତ୍ର ଆମ୍ଭେ ତୁମ୍ଭମାନଙ୍କ ନିକଟରୁ
\q ଉତ୍ତର ଦେଶୀୟ ସୈନ୍ୟଦଳକୁ ଦୂର କରିବା,
\q ପୁଣି ସେମାନଙ୍କୁ ଶୁଷ୍କ ଓ ଧ୍ୱଂସିତ ଦେଶକୁ ତଡ଼ି ଦେଇ
\q ସେମାନଙ୍କର ଅଗ୍ରଭାଗ ପୂର୍ବ ସମୁଦ୍ର ଆଡ଼େ,
\q ଆଉ ସେମାନଙ୍କର ପଶ୍ଚାଦ୍‍ଭାଗ ପଶ୍ଚିମ ସମୁଦ୍ର ଆଡ଼େ ତଡ଼ି ଦେବା;
\q ତହିଁରେ ସେମାନଙ୍କର ଦୁର୍ଗନ୍ଧ ଉଠିବ ଓ କୁବାସ ନିର୍ଗତ ହେବ,
\q କାରଣ ସେ ମହତ୍‍ କର୍ମମାନ କରିଅଛନ୍ତି ।”
\p
\q
\s5
\v 21 ହେ ଦେଶ, ଭୟ କର ନାହିଁ,
\q ଉଲ୍ଲସିତ ହୋଇ ଆନନ୍ଦ କର;
\q କାରଣ ସଦାପ୍ରଭୁ ମହତ୍‍ କର୍ମମାନ କରିଅଛନ୍ତି ।
\q
\v 22 ହେ କ୍ଷେତ୍ରସ୍ଥ ପଶୁଗଣ, ତୁମ୍ଭେମାନେ ଭୟ କର ନାହିଁ;
\q କାରଣ ପ୍ରାନ୍ତରସ୍ଥ ଚରାଣି ସ୍ଥାନ ସବୁ ଅଙ୍କୁରିତ ହେଉଅଛି,
\q ବୃକ୍ଷ ଫଳ ଫଳୁଅଛି, ଡିମିରି ବୃକ୍ଷ ଓ ଦ୍ରାକ୍ଷାଲତା ଆପଣା ଶକ୍ତି ପ୍ରକାଶ କରୁଅଛି ।
\p
\q
\v 23 ଏଥିପାଇଁ ହେ ସିୟୋନର ସନ୍ତାନଗଣ, ତୁମ୍ଭେମାନେ ଉଲ୍ଲସିତ ହୁଅ
\q ଓ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କଠାରେ ଆନନ୍ଦ କର;
\q କାରଣ ସେ ତୁମ୍ଭମାନଙ୍କୁ ଯଥା ପରିମାଣରେ ଆଦ୍ୟ ବୃଷ୍ଟି ଦିଅନ୍ତି
\q ଓ ସେ ତୁମ୍ଭମାନଙ୍କ ନିମନ୍ତେ ବୃଷ୍ଟି ବର୍ଷାନ୍ତି,
\q ଆଦ୍ୟ ବୃଷ୍ଟି ଓ ଶେଷ ବୃଷ୍ଟି ପ୍ରଥମ ମାସରେ ।
\q
\s5
\v 24 ପୁଣି, ତୁମ୍ଭମାନଙ୍କର ଖଳାସବୁ ଗହମରେ ପରିପୂର୍ଣ୍ଣ ହେବ
\q ଓ କୁଣ୍ଡସବୁ ଦ୍ରାକ୍ଷାରସ ଓ ତୈଳରେ ଉଚ୍ଛୁଳି ପଡ଼ିବ ।
\q1
\v 25 “ଆଉ, ଆମ୍ଭେ ତୁମ୍ଭମାନଙ୍କ ମଧ୍ୟକୁ ଆପଣାର ଯେଉଁ ମହା ସୈନ୍ୟଦଳ,
\q ଅର୍ଥାତ୍‍ ପଙ୍ଗପାଳ, ପତଙ୍ଗ, ଘୁର୍ଘୁରିଆ ଓ ଶୂକ କୀଟ ପଠାଇଲୁ,
\q ସେମାନେ ଯେଉଁ ବର୍ଷର ଶସ୍ୟାଦି ଖାଇଅଛନ୍ତି,
\q ତାହା ଆମ୍ଭେ ତୁମ୍ଭମାନଙ୍କୁ ଫେରାଇ ଦେବା ।
\p
\q
\s5
\v 26 ତହିଁରେ ତୁମ୍ଭେମାନେ ପ୍ରଚୁର ରୂପେ ଭୋଜନ କରି ପରିତୃପ୍ତ ହେବ
\q ଓ ଯେ ତୁମ୍ଭମାନଙ୍କ ପ୍ରତି ଆଶ୍ଚର୍ଯ୍ୟ ବ୍ୟବହାର କରିଅଛନ୍ତି,
\q ତୁମ୍ଭେମାନେ ସେହି ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ନାମର ପ୍ରଶଂସା କରିବ
\q ଓ ଆମ୍ଭର ଲୋକମାନେ କଦାପି ଲଜ୍ଜିତ ହେବେ ନାହିଁ ।
\q
\v 27 ତହିଁରେ ଆମ୍ଭେ ଯେ ଇସ୍ରାଏଲର ମଧ୍ୟବର୍ତ୍ତୀ ଅଛୁ
\q ଓ ଆମ୍ଭେ ଯେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ ଓ ଅନ୍ୟ କେହି ନାହିଁ,
\q ଏହା ତୁମ୍ଭେମାନେ ଜାଣିବ; ପୁଣି, ଆମ୍ଭର ଲୋକମାନେ କଦାପି ଲଜ୍ଜିତ ହେବେ ନାହିଁ ।
\s ମନୁଷ୍ୟ ଉପରେ ପରମେଶ୍ୱରଙ୍କ ଆତ୍ମା
\p
\q
\s5
\v 28 ପୁଣି, ତହିଁ ଉତ୍ତାରେ ଆମ୍ଭେ ସମୁଦାୟ ପ୍ରାଣୀ ଉପରେ ଆପଣା ଆତ୍ମା ଢାଳିବା;
\q ତହିଁରେ ତୁମ୍ଭମାନଙ୍କର ପୁତ୍ରଗଣ ଓ କନ୍ୟାଗଣ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରିବେ,
\q ତୁମ୍ଭମାନଙ୍କର ବୃଦ୍ଧ ଲୋକମାନେ ସ୍ୱପ୍ନ ଦେଖିବେ,
\q ତୁମ୍ଭମାନଙ୍କର ଯୁବା ଲୋକମାନେ ଦର୍ଶନ ପାଇବେ ।
\q
\v 29 ଆଉ, ସେହି ସମୟରେ ମଧ୍ୟ ଆମ୍ଭେ
\q ଦାସଦାସୀଗଣର ଉପରେ ଆପଣାର ଆତ୍ମା ଢାଳିବା ।
\p
\q
\s5
\v 30 ପୁଣି, ଆମ୍ଭେ ଆକାଶରେ ଓ ପୃଥିବୀରେ
\q ରକ୍ତ, ଅଗ୍ନି ଓ ଧୂମସ୍ତମ୍ଭର ଅଦ୍ଭୁତ ଲକ୍ଷଣ ଦେଖାଇବା ।
\q
\v 31 ସଦାପ୍ରଭୁଙ୍କର ମହତ୍ ଓ ଭୟଙ୍କର ଦିନର ଆଗମନର ପୂର୍ବେ
\q ସୂର୍ଯ୍ୟ ଅନ୍ଧକାର ଓ ଚନ୍ଦ୍ର ରକ୍ତ ହୋଇଯିବ ।
\p
\q
\s5
\v 32 ପୁଣି, ଯେକେହି ସଦାପ୍ରଭୁଙ୍କ ନାମରେ ପ୍ରାର୍ଥନା କରିବ, ସେ ଉଦ୍ଧାର ପାଇବ;
\q କାରଣ ସଦାପ୍ରଭୁଙ୍କ ବାକ୍ୟ ପ୍ରମାଣେ
\q ସିୟୋନ ପର୍ବତରେ ଓ ଯିରୂଶାଲମରେ ରକ୍ଷାପ୍ରାପ୍ତ ଲୋକମାନେ ରହିବେ,
\q ପୁଣି ଯେଉଁମାନଙ୍କୁ ସଦାପ୍ରଭୁ ଆହ୍ୱାନ କରିବେ,
\q ସେମାନେ ଅବଶିଷ୍ଟାଂଶର ମଧ୍ୟରେ ରହିବେ ।”
\s5
\c 3
\s ପରମେଶ୍ୱରଙ୍କ ଦ୍ୱାରା ଗୋଷ୍ଠୀଗଣର ବିଚାର
\p
\q
\v 1 କାରଣ ଦେଖ, ସେହି ଦିନରେ ଓ ସେହି ସମୟରେ,
\q ଯେତେବେଳେ ଆମ୍ଭେ ଯିହୁଦା ଓ ଯିରୂଶାଲମର ବନ୍ଦୀତ୍ୱାବସ୍ଥା ପରିବର୍ତ୍ତନ କରିବା,
\q
\v 2 ସେତେବେଳେ ଆମ୍ଭେ ଯାବତୀୟ ଗୋଷ୍ଠୀଙ୍କୁ ସଂଗ୍ରହ କରି
\q ସେମାନଙ୍କୁ ଯିହୋଶାଫଟ (ସଦାପ୍ରଭୁଙ୍କ ବିଚାର) ଉପତ୍ୟକାକୁ ଓହ୍ଲାଇ ଆଣିବା;
\q ଆଉ, ସେମାନଙ୍କ ସଙ୍ଗେ ଆମ୍ଭ ଲୋକମାନଙ୍କର
\q ଓ ଆମ୍ଭ ଅଧିକାର ଇସ୍ରାଏଲ ସପକ୍ଷରେ ବାଦାନୁବାଦ କରିବା,
\q କାରଣ ସେମାନେ ସେମାନଙ୍କୁ ନାନା ଗୋଷ୍ଠୀ ମଧ୍ୟରେ ଛିନ୍ନଭିନ୍ନ କରି
\q ଆମ୍ଭର ଦେଶ ବିଭାଗ କରିଅଛନ୍ତି ।
\q
\v 3 ପୁଣି, ସେମାନେ ଆମ୍ଭ ଲୋକମାନଙ୍କ ନିମନ୍ତେ ଗୁଲିବାଣ୍ଟ କରିଅଛନ୍ତି
\q ଓ ଏକ ବେଶ୍ୟା ପାଇଁ ଏକ ବାଳକ ଦେଇଅଛନ୍ତି
\q ଓ ପାନ କରିବା ନିମନ୍ତେ ଦ୍ରାକ୍ଷାରସ ପାଇଁ ବାଳିକା ବିକ୍ରୟ କରିଅଛନ୍ତି ।
\p
\q
\s5
\v 4 ଆହୁରି, ହେ ସୋର, ସୀଦୋନ ଓ ପଲେଷ୍ଟୀୟାର ସକଳ ଅଞ୍ଚଳ,
\q ତୁମ୍ଭେମାନେ ଆମ୍ଭ ପ୍ରତି କଅଣ କରିବ ?
\q ତୁମ୍ଭେମାନେ କି ଆମ୍ଭକୁ ପ୍ରତିଫଳ ଦେବ ?
\q ଓ ତୁମ୍ଭେମାନେ ଆମ୍ଭକୁ ପ୍ରତିଫଳ ଦେଲେ,
\q ଆମ୍ଭେ ଅବିଳମ୍ବରେ ଓ ଅତି ଶୀଘ୍ରରେ ତୁମ୍ଭମାନଙ୍କର ପ୍ରତିଫଳ
\q ତୁମ୍ଭମାନଙ୍କର ନିଜ ମସ୍ତକରେ ବର୍ତ୍ତାଇବା ।
\p
\q
\v 5 କାରଣ ତୁମ୍ଭେମାନେ ଆମ୍ଭର ରୂପା ଓ ସୁନା ହରଣ କରିଅଛ,
\q ଆଉ ଆମ୍ଭର ଉତ୍ତମ ମନୋହର ପଦାର୍ଥମାନ
\q ଆପଣାମାନଙ୍କର ମନ୍ଦିରକୁ ବହି ନେଇ ଯାଇଅଛ;
\q
\v 6 ଆହୁରି ଯିହୁଦାର ସନ୍ତାନଗଣକୁ ଓ ଯିରୂଶାଲମର ସନ୍ତାନଗଣକୁ
\q ସେମାନଙ୍କ ସୀମାରୁ ଦୂର କରିବା ନିମନ୍ତେ
\q ଗ୍ରୀସ୍‍ର ସନ୍ତାନଗଣ ନିକଟରେ ସେମାନଙ୍କୁ ବିକ୍ରୟ କରିଅଛ ।
\p
\q
\s5
\v 7 ଦେଖ, ତୁମ୍ଭେମାନେ ଯେଉଁ ସ୍ଥାନରେ ସେମାନଙ୍କୁ ବିକ୍ରୟ କରିଅଛ,
\q ଆମ୍ଭେ ସେମାନଙ୍କର ପ୍ରବୃତ୍ତି ଜନ୍ମାଇ ସେହି ସ୍ଥାନରୁ ବାହାର କରିବା
\q ଓ ତୁମ୍ଭମାନଙ୍କର ପ୍ରତିଫଳ ତୁମ୍ଭମାନଙ୍କର ମସ୍ତକରେ ବର୍ତ୍ତାଇବା;
\q
\v 8 ପୁଣି, ଆମ୍ଭେ ତୁମ୍ଭମାନଙ୍କର ପୁତ୍ରଗଣ ଓ ତୁମ୍ଭମାନଙ୍କର କନ୍ୟାଗଣଙ୍କୁ
\q ଯିହୁଦାର ସନ୍ତାନଗଣର ହସ୍ତରେ ବିକ୍ରୟ କରିବା,
\q ତହିଁରେ ସେମାନେ ସେମାନଙ୍କୁ
\q ଦୂର ଗୋଷ୍ଠୀୟ ଶିବାୟୀୟ ଲୋକମାନଙ୍କ ନିକଟରେ ବିକ୍ରୟ କରିବେ;
\q କାରଣ ସଦାପ୍ରଭୁ ଏହା କହିଅଛନ୍ତି ।
\p
\q
\s5
\v 9 ତୁମ୍ଭେମାନେ ଗୋଷ୍ଠୀବର୍ଗ ମଧ୍ୟରେ ଏହି କଥା ପ୍ରଚାର କର;
\q ଯୁଦ୍ଧ ଆୟୋଜନ କର; ବୀରମାନଙ୍କର ପ୍ରବୃତ୍ତି ଜନ୍ମାଅ;
\q ଯୋଦ୍ଧା ସମସ୍ତେ ନିକଟକୁ ଆସି ଉପସ୍ଥିତ ହେଉନ୍ତୁ ।
\q
\v 10 ତୁମ୍ଭେମାନେ ଆପଣା ଆପଣା ଲଙ୍ଗଳର ଫାଳ ଭାଙ୍ଗି ଖଡ୍ଗ ଗଢ଼ାଅ
\q ଓ ଆପଣା ଆପଣା ଦା ଭାଙ୍ଗି ବର୍ଚ୍ଛା ଗଢ଼:
\q ଦୁର୍ବଳ ଲୋକ କହୁ, “ମୁଁ ବଳବାନ୍ ।”
\p
\q
\s5
\v 11 ହେ ଚତୁର୍ଦ୍ଦିଗସ୍ଥ ଗୋଷ୍ଠୀସକଳ,
\q ତୁମ୍ଭେମାନେ ଚଞ୍ଚଳ ହୋଇ ଆସ ଓ ଆପଣାମାନଙ୍କୁ ଏକତ୍ର କର;
\q ହେ ସଦାପ୍ରଭୁ, ସେହି ସ୍ଥାନକୁ ତୁମ୍ଭେ ଆପଣା ବୀରଗଣକୁ ଓହ୍ଳାଇ ଆଣ ।
\q
\s5
\v 12 ଗୋଷ୍ଠୀବର୍ଗ ଉଦ୍‍ଯୋଗୀ ହୋଇ ଉଠନ୍ତୁ
\q ଓ ଯିହୋଶାଫଟର ଉପତ୍ୟକାକୁ ଆସନ୍ତୁ;
\q କାରଣ ସେସ୍ଥାନରେ ଆମ୍ଭେ ଚତୁର୍ଦ୍ଦିଗସ୍ଥ ସକଳ ଗୋଷ୍ଠୀର
\q ବିଚାର କରିବା ପାଇଁ ବସିବା ।
\p
\q
\v 13 ତୁମ୍ଭେମାନେ ଦା ଲଗାଅ କାରଣ ଶସ୍ୟ ପାଚିଅଛି;
\q ତୁମ୍ଭେମାନେ ଆସି ଦଳନ କର;
\q କାରଣ ଦ୍ରାକ୍ଷାଯନ୍ତ୍ର ପୂର୍ଣ୍ଣ ହୋଇଅଛି, କୁଣ୍ଡସବୁ ଉଚ୍ଛୁଳି ପଡ଼ୁଅଛି;
\q କାରଣ ସେମାନଙ୍କର ଦୁଷ୍ଟତା ବଡ଼ ।
\q
\s5
\v 14 ଦଣ୍ଡାଜ୍ଞାର ଉପତ୍ୟକାରେ ଲୋକାରଣ୍ୟ, ଲୋକାରଣ୍ୟ !
\q କାରଣ ଦଣ୍ଡାଜ୍ଞାର ଉପତ୍ୟକାରେ ସଦାପ୍ରଭୁଙ୍କର ଦିନ ସନ୍ନିକଟ ହୋଇଅଛି ।
\q
\v 15 ସୂର୍ଯ୍ୟ ଓ ଚନ୍ଦ୍ର ଅନ୍ଧକାରମୟ ହୋଇଅଛନ୍ତି
\q ଓ ନକ୍ଷତ୍ରଗଣ ଆପଣା ଆପଣା ତେଜ ରହିତ କରୁଅଛନ୍ତି ।
\s ଯିହୁଦାର ଗୌରବମୟ ଭବିଷ୍ୟତ
\p
\q
\s5
\v 16 ପୁଣି, ସଦାପ୍ରଭୁ ସିୟୋନରୁ ଗର୍ଜନ କରିବେ
\q ଓ ଯିରୂଶାଲମରୁ ଆପଣା ରବ ଶୁଣାଇବେ;
\q ତହିଁରେ ଆକାଶମଣ୍ଡଳ ଓ ପୃଥିବୀ କମ୍ପିତ ହେବେ;
\q ମାତ୍ର ସଦାପ୍ରଭୁ ଆପଣା ଲୋକମାନଙ୍କ ପ୍ରତି ଆଶ୍ରୟ ହେବେ
\q ଓ ଇସ୍ରାଏଲ ସନ୍ତାନଗଣ ପ୍ରତି ଦୃଢ଼ ଦୁର୍ଗ ହେବେ ।
\p
\q
\v 17 “ତହିଁରେ ଆମ୍ଭେ ଯେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ
\q ଓ ଆପଣା ପବିତ୍ର ପର୍ବତ ସିୟୋନରେ ବାସ କରୁ, ଏହା ତୁମ୍ଭେମାନେ ଜାଣିବ;
\q ତହିଁରେ ଯିରୂଶାଲମ ପବିତ୍ର ହେବ ଓ ବିଦେଶୀୟମାନେ
\q ତହିଁ ମଧ୍ୟଦେଇ ଆଉ ଗମନାଗମନ କରିବେ ନାହିଁ ।
\q
\s5
\v 18 ସେଦିନ ପର୍ବତଗଣ ମିଷ୍ଟ ଦ୍ରାକ୍ଷାରସ ଝରାଇବେ,
\q ଉପପର୍ବତଗଣ ଦୁଗ୍ଧରେ ପ୍ରବାହିତ ହେବେ
\q ଓ ଯିହୁଦାର ନଦୀ ସ୍ରୋତସକଳ ଜଳରେ ପ୍ରବାହିତ ହେବେ;
\q ପୁଣି, ସଦାପ୍ରଭୁଙ୍କ ଗୃହରୁ ଏକ ନିର୍ଝର ନିର୍ଗତ ହେବ,
\q ତାହା ଶିଟୀମର ଉପତ୍ୟକାକୁ ଜଳମୟ କରିବ ।
\p
\q
\v 19 ଯିହୁଦାର ସନ୍ତାନଗଣ ପ୍ରତି କୃତ ଉପଦ୍ରବ ସକାଶୁ
\q ମିସର ଧ୍ୱଂସସ୍ଥାନ ହେବ ଓ ଇଦୋମ ଧ୍ୱଂସିତ ପ୍ରାନ୍ତର ହେବ,
\q କାରଣ ସେମାନେ ଆପଣାମାନଙ୍କ ଦେଶରେ
\q ନିର୍ଦ୍ଦୋଷର ରକ୍ତପାତ କରିଅଛନ୍ତି ।
\p
\q
\s5
\v 20 ମାତ୍ର ଯିହୁଦା ଚିରକାଳ ଓ ଯିରୂଶାଲମ ପୁରୁଷାନୁକ୍ରମେ ରହିବ ।
\q
\v 21 ପୁଣି, ଆମ୍ଭେ ସେମାନଙ୍କର ଯେଉଁ ରକ୍ତକୁ ନିର୍ଦ୍ଦୋଷ କରି ନାହୁଁ,
\q ତାହା ନିର୍ଦ୍ଦୋଷ କରିବା ।”
\q କାରଣ ସଦାପ୍ରଭୁ ସିୟୋନରେ ବାସ କରନ୍ତି ।

772
30-AMO.usfm Normal file
View File

@ -0,0 +1,772 @@
\id AMO
\ide UTF-8
\sts - Old OdiaVersion Revision
\rem - Copyright Information: Creative Commons Attribution - ShareAlike 4.0 licence
\h - ଆମୋଷ
\toc1 - ଆମୋଷ ଭବିଷ୍ୟଦ୍‍ବକ୍ତାଙ୍କ ପୁସ୍ତକ
\toc2 - ଆମୋଷ
\toc3 amo
\mt1 ଆମୋଷ ଭବିଷ୍ୟଦ୍‍ବକ୍ତାଙ୍କ ପୁସ୍ତକ
\mt2 THE BOOK OF PROPHET
\s5
\c 1
\p
\v 1 ଯିହୁଦାର ରାଜା ଉଷୀୟର ଅଧିକାର ସମୟରେ ଓ ଯୋୟାଶର ପୁତ୍ର ଇସ୍ରାଏଲର ରାଜା ଯାରବୀୟାମର ଅଧିକାର ସମୟରେ, ଭୂମିକମ୍ପର ଦୁଇ ବର୍ଷର ପୂର୍ବରେ ତକୋୟସ୍ଥ ଗୋପାଳକମାନଙ୍କର ମଧ୍ୟବର୍ତ୍ତୀ ଆମୋଷ ଇସ୍ରାଏଲ ବିଷୟରେ ଯେଉଁ ଯେଉଁ ଦର୍ଶନ ପାଇଲେ, ତଦ୍‍ବିଷୟକ ତାଙ୍କର ବାକ୍ୟ ।
\p
\q
\v 2 ପୁଣି ସେ କହିଲେ,
\q “ସଦାପ୍ରଭୁ ସିୟୋନରୁ ଗର୍ଜନ କରିବେ ଓ ଯିରୂଶାଲମରୁ ଆପଣା ରବ ଶୁଣାଇବେ;
\q ତହିଁରେ ମେଷପାଳକମାନଙ୍କର ଚରାଣି ସ୍ଥାନସକଳ ଶୋକ କରିବ
\q ଓ କର୍ମିଲର ଶିଖର ଶୁଷ୍କ ହେବ ।”
\s ଇସ୍ରାଏଲର ପ୍ରତିବାସୀଙ୍କ ପ୍ରତି ଈଶ୍ୱରଙ୍କ ବିଚାର
\p
\q
\s5
\v 3 ସଦାପ୍ରଭୁ ଏହି କଥା କହନ୍ତି,
\q “ଆମ୍ଭେ ଦମ୍ମେସକର ତିନି, ହଁ, ଚାରି ଅପରାଧ ସକାଶୁ
\q ତହିଁର ଦଣ୍ଡ ନିବାରଣ କରିବା ନାହିଁ;
\q କାରଣ ସେମାନେ ଲୌହମୟ ଶସ୍ୟମର୍ଦ୍ଦନ ଯନ୍ତ୍ରରେ
\q ଗିଲୀୟଦକୁ ମର୍ଦ୍ଦନ କରିଅଛନ୍ତି;
\q
\v 4 ମାତ୍ର ଆମ୍ଭେ ହସାୟେଲ ବଂଶ ନିକଟକୁ ଅଗ୍ନି ପ୍ରେରଣ କରିବା
\q ଓ ତାହା ବିନ୍‌ହଦଦ୍‍ର ଅଟ୍ଟାଳିକାସବୁ ଗ୍ରାସ କରିବ ।
\p
\q
\s5
\v 5 ପୁଣି, ଆମ୍ଭେ ଦମ୍ମେସକର ଅର୍ଗଳ ଭାଙ୍ଗି ପକାଇବା
\q ଓ ଆବନ ଉପତ୍ୟକାରୁ ନିବାସକାରୀକୁ
\q ଓ ବେଥ-ଏଦନ ବଂଶରୁ ରାଜଦଣ୍ଡଧାରୀକୁ ଉଚ୍ଛିନ୍ନ କରିବା ।”
\q1 ପୁଣି, ସଦାପ୍ରଭୁ କହନ୍ତି,
\q “ଅରାମର ଲୋକମାନେ ନିର୍ବାସିତ ହୋଇ କୀର୍‍କୁ ଯିବେ ।”
\p
\q
\s5
\v 6 ସଦାପ୍ରଭୁ ଏହି କଥା କହନ୍ତି,
\q “ଆମ୍ଭେ ଘସାର ତିନି, ହଁ, ଚାରି ଅପରାଧ ସକାଶୁ
\q ତହିଁର ଦଣ୍ଡ ନିବାରଣ କରିବା ନାହିଁ;
\q କାରଣ ସେମାନେ ଇଦୋମର ହସ୍ତରେ ସମର୍ପଣ କରିବା ପାଇଁ
\q ସମୁଦାୟ ଲୋକଙ୍କୁ ବନ୍ଦୀ କରି ନେଇ ଗଲେ ।
\q
\v 7 ମାତ୍ର ଆମ୍ଭେ ଘସାର ପ୍ରାଚୀର ଉପରେ ଅଗ୍ନି ନିକ୍ଷେପ କରିବା
\q ଓ ତାହା ତହିଁର ଅଟ୍ଟାଳିକାସବୁ ଗ୍ରାସ କରିବ ।
\p
\q
\s5
\v 8 ଆଉ, ଆମ୍ଭେ ଅସ୍‍ଦୋଦରୁ ନିବାସକାରୀକୁ
\q ଓ ଅସ୍କିଲୋନରୁ ରାଜଦଣ୍ଡଧାରୀକୁ ଉଚ୍ଛିନ୍ନ କରିବା;
\q ଆମ୍ଭେ ଇକ୍ରୋଣର ବିପକ୍ଷରେ ଆପଣା ହସ୍ତ ଫେରାଇବା
\q ଓ ପଲେଷ୍ଟୀୟମାନଙ୍କର ଅବଶିଷ୍ଟାଂଶ ବିନଷ୍ଟ ହେବେ ।”
\q ଏହା ପ୍ରଭୁ ସଦାପ୍ରଭୁ କହନ୍ତି ।
\p
\q
\s5
\v 9 ସଦାପ୍ରଭୁ ଏହି କଥା କହନ୍ତି,
\q “ଆମ୍ଭେ ସୋରର ତିନି, ହଁ, ଚାରି ଅପରାଧ ସକାଶୁ
\q ତହିଁର ଦଣ୍ଡ ନିବାରଣ କରିବା ନାହିଁ;
\q କାରଣ ସେମାନେ ସମୁଦାୟ ଲୋକଙ୍କୁ ଇଦୋମର ହସ୍ତରେ ସମର୍ପଣ କଲେ
\q ଓ ଭ୍ରାତୃ ନିୟମ ସ୍ମରଣ କଲେ ନାହିଁ;
\q
\v 10 ମାତ୍ର ଆମ୍ଭେ ସୋରର ପ୍ରାଚୀର ଉପରେ ଅଗ୍ନି ନିକ୍ଷେପ କରିବା
\q ଓ ତାହା ତହିଁର ଅଟ୍ଟାଳିକାସବୁ ଗ୍ରାସ କରିବ ।”
\p
\q
\s5
\v 11 ସଦାପ୍ରଭୁ ଏହି କଥା କହନ୍ତି,
\q “ଆମ୍ଭେ ଇଦୋମର ତିନି, ହଁ, ଚାରି ଅପରାଧ ସକାଶୁ
\q ତହିଁର ଦଣ୍ଡ ନିବାରଣ କରିବା ନାହିଁ;
\q କାରଣ ସେ ଖଡ୍ଗ ଧରି ଆପଣା ଭ୍ରାତାକୁ ଗୋଡ଼ାଇଲା ଓ ସବୁ ଦୟା ପରିତ୍ୟାଗ କଲା,
\q ତାହାର କ୍ରୋଧ ନିତ୍ୟ ବିଦୀର୍ଣ୍ଣ କଲା ଓ ସେ ଆପଣା କୋପ ସଦାକାଳ ରଖିଲା ।
\q
\v 12 ମାତ୍ର ଆମ୍ଭେ ତୈମନ୍‍ ଉପରେ ଅଗ୍ନି ନିକ୍ଷେପ କରିବା
\q ଓ ତାହା ବସ୍ରାର ଅଟ୍ଟାଳିକାସବୁ ଗ୍ରାସ କରିବ ।”
\p
\q
\s5
\v 13 ସଦାପ୍ରଭୁ ଏହି କଥା କହନ୍ତି,
\q “ଆମ୍ଭେ ଅମ୍ମୋନ ସନ୍ତାନଗଣର ତିନି, ହଁ, ଚାରି ଅପରାଧ ସକାଶୁ
\q ସେମାନଙ୍କର ଦଣ୍ଡ ନିବାରଣ କରିବା ନାହିଁ;
\q କାରଣ ସେମାନେ ଆପଣାମାନଙ୍କର ସୀମା ବୃଦ୍ଧି କରିବା ନିମନ୍ତେ
\q ଗିଲୀୟଦର ଗର୍ଭିଣୀ ସ୍ତ୍ରୀମାନଙ୍କର ଉଦର ଚିରି ପକାଇଅଛନ୍ତି ।
\q
\s5
\v 14 ମାତ୍ର ଆମ୍ଭେ ରବ୍ବାର ପ୍ରାଚୀର ଉପରେ ଅଗ୍ନି ଜ୍ୱଳାଇବା
\q ଓ ତାହା ଯୁଦ୍ଧ ଦିନରେ ମହାନାଦ ଓ ଘୂର୍ଣ୍ଣିବାୟୁର ଦିନରେ
\q ପ୍ରଚଣ୍ଡ ତୋଫାନ ସହିତ ତହିଁର ଅଟ୍ଟାଳିକାସବୁ ଗ୍ରାସ କରିବ ।
\q
\v 15 ପୁଣି, ସେମାନଙ୍କର ରାଜା, ସେ ଓ ତାହାର ଅଧିପତିଗଣ
\q ଏକ ସଙ୍ଗେ ନିର୍ବାସିତ ହୋଇଯିବେ ।”
\q ଏହା ସଦାପ୍ରଭୁ କହନ୍ତି ।
\s5
\c 2
\p
\q
\v 1 ସଦାପ୍ରଭୁ ଏହି କଥା କହନ୍ତି,
\q “ମୋୟାବର ତିନି, ହିଁ, ଚାରି ଅପରାଧ ସକାଶୁ
\q ଆମ୍ଭେ ତହିଁର ଦଣ୍ଡ ନିବାରଣ କରିବା ନାହିଁ;
\q କାରଣ ସେ ଇଦୋମ ରାଜାର ଅସ୍ଥି ଦଗ୍ଧ କରି ତାହା ଚୂର୍ଣ୍ଣ କଲା;
\q
\s5
\v 2 ମାତ୍ର ଆମ୍ଭେ ମୋୟାବର ଉପରେ ଅଗ୍ନି ନିକ୍ଷେପ କରିବା
\q ଓ ତାହା କରୀୟୋଥର ଅଟ୍ଟାଳିକାସବୁ ଗ୍ରାସ କରିବ;
\q ପୁଣି, ମୋୟାବ କୋଳାହଳ, ସିଂହନାଦ ଓ ତୂରୀଧ୍ୱନି ସହିତ ପ୍ରାଣତ୍ୟାଗ କରିବ;
\q
\v 3 ପୁଣି, ଆମ୍ଭେ ତହିଁ ମଧ୍ୟରୁ ବିଚାରକର୍ତ୍ତାକୁ ଉଚ୍ଛିନ୍ନ କରିବା
\q ଓ ତାହା ସଙ୍ଗେ ତହିଁର ସମସ୍ତ ଅଧିପତିଙ୍କୁ ସଂହାର କରିବା ।”
\q ଏହା ସଦାପ୍ରଭୁ କହନ୍ତି ।
\s ଯିହୁଦାର ଦଣ୍ଡ
\p
\q
\s5
\v 4 ସଦାପ୍ରଭୁ ଏହି କଥା କହନ୍ତି,
\q “ଯିହୁଦାର ତିନି, ହଁ, ଚାରି ଅପରାଧ ସକାଶୁ
\q ଆମ୍ଭେ ତହିଁର ଦଣ୍ଡ ନିବାରଣ କରିବା ନାହିଁ;
\q କାରଣ ସେମାନେ ସଦାପ୍ରଭୁଙ୍କର ବ୍ୟବସ୍ଥା ଅଗ୍ରାହ୍ୟ କରିଅଛନ୍ତି
\q ଓ ତାହାଙ୍କର ବିଧିସବୁ ପାଳନ କରି ନାହାନ୍ତି,
\q ପୁଣି ସେମାନଙ୍କର ପିତୃପୁରୁଷମାନେ ଯେଉଁ ମିଥ୍ୟା ଦେବଗଣର ଅନୁଗାମୀ ହେଲେ,
\q ତଦ୍ଦ୍ୱାରା ସେମାନେ ଭ୍ରାନ୍ତ ହୋଇଅଛନ୍ତି;
\q
\v 5 ମାତ୍ର ଆମ୍ଭେ ଯିହୁଦା ଉପରେ ଅଗ୍ନି ନିକ୍ଷେପ କରିବା
\q ଓ ତାହା ଯିରୂଶାଲମର ଅଟ୍ଟାଳିକାସବୁ ଗ୍ରାସ କରିବ ।”
\s ଇସ୍ରାଏଲର ଦଣ୍ଡ
\p
\q
\s5
\v 6 ସଦାପ୍ରଭୁ ଏହି କଥା କହନ୍ତି,
\q “ଇସ୍ରାଏଲର ତିନି, ହଁ, ଚାରି ଅପରାଧ ସକାଶୁ
\q ଆମ୍ଭେ ତହିଁର ଦଣ୍ଡ ନିବାରଣ କରିବା ନାହିଁ;
\q କାରଣ ସେମାନେ ରୂପା ପାଇଁ ଧାର୍ମିକକୁ
\q ଓ ଏକ ଯୋଡ଼ା ପାଦୁକା ପାଇଁ ଦୀନହୀନକୁ ବିକ୍ରୟ କରିଅଛନ୍ତି;
\q
\s5
\v 7 ସେମାନେ ଦରିଦ୍ରର ମସ୍ତକରେ ଧୂଳିର ଆକାଂକ୍ଷା କରନ୍ତି
\q ଓ ନମ୍ର ଲୋକମାନଙ୍କର ମାର୍ଗ ବକ୍ର କରନ୍ତି;
\q ପୁଣି, ଆମ୍ଭର ପବିତ୍ର ନାମ ଅପବିତ୍ର କରିବା ପାଇଁ
\q ଜଣେ ପୁରୁଷ ଓ ତାହାର ପିତା ଏକ ଯୁବତୀଠାରେ ଗମନ କରନ୍ତି;
\p
\q
\v 8 ଆଉ, ସେମାନେ ପ୍ରତ୍ୟେକ ଯଜ୍ଞବେଦିର ନିକଟରେ
\q ବନ୍ଧକି ବସ୍ତ୍ରର ଉପରେ ଶୟନ କରନ୍ତି,
\q ଆଉ ସେମାନେ ଅର୍ଥଦଣ୍ଡପ୍ରାପ୍ତ ଲୋକମାନଙ୍କର ଦ୍ରାକ୍ଷାରସ
\q ଆପଣାମାନଙ୍କ ପରମେଶ୍ୱରଙ୍କ ଗୃହରେ ପାନ କରନ୍ତି ।
\q
\s5
\v 9 ତଥାପି ଏରସ ବୃକ୍ଷ ତୁଲ୍ୟ ଦୀର୍ଘ ଓ ଅଲୋନ ବୃକ୍ଷ ତୁଲ୍ୟ ବଳିଷ୍ଠ
\q ଇମୋରୀୟକୁ ଆମ୍ଭେ ସେମାନଙ୍କ ସମ୍ମୁଖରେ ବିନାଶ କଲୁ;
\q ଆଉ, ଉପରେ ତାହାର ଫଳ ଓ ତଳେ ତାହାର ମୂଳ ନଷ୍ଟ କଲୁ ।
\p
\q
\v 10 ଆହୁରି, ଇମୋରୀୟମାନଙ୍କ ଦେଶ ଅଧିକାର କରିବା ନିମନ୍ତେ
\q ଆମ୍ଭେ ତୁମ୍ଭମାନଙ୍କୁ ମିସର ଦେଶରୁ ବାହାର କରି ଆଣିଲୁ
\q ଓ ଚାଳିଶ ବର୍ଷ ପର୍ଯ୍ୟନ୍ତ ପ୍ରାନ୍ତରରେ ପଥ କଢ଼ାଇ ତୁମ୍ଭମାନଙ୍କୁ ଗମନ କରାଇଲୁ ।
\q
\s5
\v 11 ପୁଣି, ଆମ୍ଭେ ତୁମ୍ଭମାନଙ୍କ ପୁତ୍ରଗଣ ମଧ୍ୟରୁ ଭବିଷ୍ୟଦ୍‍ବକ୍ତାଗଣ
\q ଓ ତୁମ୍ଭମାନଙ୍କ ଯୁବାଗଣ ମଧ୍ୟରୁ ନାସରୀୟ ଲୋକମାନଙ୍କୁ ଉତ୍ପନ୍ନ କଲୁ ।”
\q ସଦାପ୍ରଭୁ କହନ୍ତି,
\q “ହେ ଇସ୍ରାଏଲ ସନ୍ତାନଗଣ, ଏପରି କି ହୋଇ ନାହିଁ ?
\p
\q
\v 12 ମାତ୍ର ତୁମ୍ଭେମାନେ ନାସରୀୟ ଲୋକମାନଙ୍କୁ ଦ୍ରାକ୍ଷାରସ ପାନ କରିବାକୁ ଦେଲ
\q ଓ ଭବିଷ୍ୟଦ୍‍ବକ୍ତାମାନଙ୍କୁ ଆଜ୍ଞା ଦେଇ କହିଲ, ‘ଭବିଷ୍ୟଦ୍‍ବାକ୍ୟ ପ୍ରଚାର କର ନାହିଁ ।’
\q
\s5
\v 13 ଦେଖ, ହଳାରେ ଶସ୍ୟବିଡ଼ା ପୂର୍ଣ୍ଣ ଶଗଡ଼ ଯେପରି ଚାପେ,
\q ସେପରି ଆମ୍ଭେ ତୁମ୍ଭମାନଙ୍କ ନିଜ ସ୍ଥାନରେ ତୁମ୍ଭମାନଙ୍କୁ ଚାପିବା ।
\p
\q
\v 14 ତହିଁରେ ଦ୍ରୁତଗାମୀର ପଳାୟନ ଉପାୟ ନଷ୍ଟ ହେବ
\q ଓ ବଳବାନ୍ ଆପଣା ବଳ ଦୃଢ଼ କରିବ ନାହିଁ,
\q ଅଥବା ବୀର ଆପଣାକୁ ରକ୍ଷା କରିବ ନାହିଁ;
\q
\s5
\v 15 ଅଥବା ଧନୁର୍ଦ୍ଧାରୀ ଠିଆ ହେବ ନାହିଁ
\q ଓ ଯାହାର ଚରଣ ଦ୍ରୁତଗାମୀ, ସେ ଆପଣାକୁ ରକ୍ଷା କରିବ ନାହିଁ;
\q ଯେ ଅଶ୍ୱାରୋହୀ, ସେ ଆପଣାକୁ ରକ୍ଷା କରିବ ନାହିଁ;
\q
\v 16 ପୁଣି, ବୀରଗଣ ମଧ୍ୟରେ ଯେ ସାହସିକ,
\q ସେ ଉଲଙ୍ଗ ହୋଇ ସେଦିନ ପଳାଇ ଯିବ ।”
\q ଏହା ସଦାପ୍ରଭୁ କହନ୍ତି ।
\s5
\c 3
\s ଇସ୍ରାଏଲର ଅଧର୍ମର ପ୍ରତିଫଳ
\p
\v 1 ହେ ଇସ୍ରାଏଲର ସନ୍ତାନଗଣ, ତୁମ୍ଭେମାନେ ଏହି ବାକ୍ୟ ଶୁଣ, ଏହା ସଦାପ୍ରଭୁ ତୁମ୍ଭମାନଙ୍କ ବିରୁଦ୍ଧରେ, ଅର୍ଥାତ୍‍, ଯେଉଁ ସମୁଦାୟ ଗୋଷ୍ଠୀକୁ ଆମ୍ଭେ ମିସର ଦେଶରୁ ବାହାର କରି ଆଣିଲୁ, ସେମାନଙ୍କ ବିରୁଦ୍ଧରେ କହିଅଛନ୍ତି,
\q
\v 2 “ପୃଥିବୀସ୍ଥ ଯାବତୀୟ ଗୋଷ୍ଠୀ ମଧ୍ୟରେ
\q କେବଳ ତୁମ୍ଭମାନଙ୍କର ପରିଚୟ ଆମ୍ଭେ ନେଇଅଛୁ;
\q ଏଥିପାଇଁ ତୁମ୍ଭମାନଙ୍କର ସକଳ ଅଧର୍ମର ପ୍ରତିଫଳ ଆମ୍ଭେ ତୁମ୍ଭମାନଙ୍କୁ ଦେବା ।”
\s ଭାବବାଦୀଙ୍କର କାର୍ଯ୍ୟ
\p
\q
\s5
\v 3 ଏକ ପରାମର୍ଶ ନ ହେଲେ କି ଦୁଇ ଜଣ ଏକତ୍ର ଗମନ କରିବେ ?
\q
\v 4 ଶିକାର ନ ପାଇଲେ କି ସିଂହ ବନ ମଧ୍ୟରେ ଗର୍ଜନ କରିବ ?
\q କୌଣସି ପଶୁ ନ ଧରିଲେ କି ଯୁବା ସିଂହ ଆପଣା ଗର୍ତ୍ତରେ ହୁଙ୍କାର କରିବ ?
\q
\s5
\v 5 ଫାନ୍ଦ ନ ପାତିଲେ କି ପକ୍ଷୀ ଜାଲରେ ଧରାଯାଇ ଭୂମିରେ ପଡ଼ିବ ?
\q କିଛି ନ ଧରିଲେ ଜାଲ କି ଭୂମିରୁ ଛିଟିକି ଉଠିବ ?
\p
\q
\v 6 ନଗର ମଧ୍ୟରେ ତୂରୀ ବଜାଗଲେ ଲୋକମାନେ କି ଭୀତ ହେବେ ନାହିଁ ?
\q ସଦାପ୍ରଭୁ ନ ଘଟାଇଲେ ନଗର ମଧ୍ୟରେ କି ଅମଙ୍ଗଳ ଘଟିବ ?
\q
\s5
\v 7 ନିଶ୍ଚୟ ପ୍ରଭୁ ସଦାପ୍ରଭୁ ନିଜ ଗୁପ୍ତ ବିଷୟ
\q ଆପଣା ଦାସ ଭବିଷ୍ୟଦ୍‍ବକ୍ତାଗଣଙ୍କୁ ପ୍ରକାଶ ନ କରି କିଛି କରନ୍ତି ନାହିଁ ।
\q
\v 8 ସିଂହ ଗର୍ଜନ କରିଅଛି, କିଏ ଭୟ ନ କରିବ ?
\q ପ୍ରଭୁ ସଦାପ୍ରଭୁ କଥା କହିଅଛନ୍ତି, କିଏ ଭବିଷ୍ୟଦ୍‍ବାକ୍ୟ ପ୍ରଚାର ନ କରିବ ?
\s ଶମରୀୟାର ବିନାଶ
\p
\q
\s5
\v 9 ତୁମ୍ଭେମାନେ ଅସ୍‍ଦୋଦସ୍ଥ ସକଳ ଅଟ୍ଟାଳିକାରେ
\q ଓ ମିସର ଦେଶସ୍ଥ ସକଳ ଅଟ୍ଟାଳିକାରେ ଘୋଷଣା କରି କୁହ,
\q “ତୁମ୍ଭେମାନେ ଶମରୀୟାର ପର୍ବତଗଣ ଉପରେ ଏକତ୍ର ହୁଅ,
\q ଆଉ ତହିଁ ମଧ୍ୟରେ କି ମହା କୋଳାହଳ
\q ଓ କି ଉପଦ୍ରବମାନ ହେଉଅଛି, ଏହା ଦେଖ ।”
\p
\q
\v 10 କାରଣ ସଦାପ୍ରଭୁ କହନ୍ତି
\q , “ଯେଉଁମାନେ ଆପଣା ଆପଣା ଅଟ୍ଟାଳିକାରେ ଦୌରାତ୍ମ୍ୟ
\q ଓ ଲୁଟିତ ଦ୍ରବ୍ୟ ସଞ୍ଚୟ କରନ୍ତି,
\q ସେମାନେ ନ୍ୟାୟ କରିବାକୁ ଜାଣନ୍ତି ନାହିଁ ।”
\q
\s5
\v 11 ଏନିମନ୍ତେ ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି,
\q “ଏକ ଜଣ ବିପକ୍ଷ ଦେଶର ଚତୁର୍ଦ୍ଦିଗରେ (ଉଠିବ);
\q ଆଉ, ସେ ତୁମ୍ଭଠାରୁ ତୁମ୍ଭର ବଳ ନତ କରିବ
\q ଓ ତୁମ୍ଭର ଅଟ୍ଟାଳିକାସବୁ ଲୁଟିତ ହେବ ।”
\p
\q
\v 12 ସଦାପ୍ରଭୁ ଏହି କଥା କହନ୍ତି,
\q “ମେଷପାଳକ ଯେପରି ସିଂହ ମୁଖରୁ ଦୁଇ ଗୋଡ଼ ଅବା କାନରୁ ଖଣ୍ଡେ ରକ୍ଷା କରେ,
\q ସେପରି ଇସ୍ରାଏଲର ଯେଉଁ ସନ୍ତାନଗଣ ଶମରୀୟାରେ
\q ଖଟର କୋଣରେ ଓ ଶଯ୍ୟାର ପାଟଗଦି ଉପରେ ବସନ୍ତି,
\q ସେମାନେ ରକ୍ଷା କରାଯିବେ ।”
\q
\s5
\v 13 ତୁମ୍ଭେମାନେ ଏହା ଶୁଣ ଓ ଯାକୁବ ବଂଶ ବିରୁଦ୍ଧରେ ସାକ୍ଷ୍ୟ ଦିଅ,
\q ଏହା ପ୍ରଭୁ ସଦାପ୍ରଭୁ, ସୈନ୍ୟାଧିପତି ପରମେଶ୍ୱର କହନ୍ତି ।
\p
\q
\v 14 “କାରଣ ଆମ୍ଭେ ଯେଉଁ ଦିନ ଇସ୍ରାଏଲକୁ ତାହାର ସମସ୍ତ ଅପରାଧର ପ୍ରତିଫଳ ଦେବା,
\q ସେହି ଦିନ ଆମ୍ଭେ ବୈଥେଲସ୍ଥ ଯଜ୍ଞବେଦିସକଳକୁ ହିଁ ପ୍ରତିଫଳ ଦେବା,
\q ତହିଁରେ ଯଜ୍ଞବେଦିର ଶୃଙ୍ଗସକଳ କଟାଯାଇ ଭୂମିରେ ପଡ଼ିବ ।
\q
\s5
\v 15 ପୁଣି, ଆମ୍ଭେ ଶୀତକାଳର ଗୃହକୁ ଓ ଗ୍ରୀଷ୍ମକାଳର ଗୃହକୁ ଆଘାତ କରିବା;
\q ଆଉ, ହସ୍ତୀଦନ୍ତର ଗୃହସକଳ ନଷ୍ଟ ହେବ ଓ ବଡ଼ ବଡ଼ ଗୃହ ଲୁପ୍ତ ହେବ ।”
\q ଏହା ସଦାପ୍ରଭୁ କହନ୍ତି ।
\s5
\c 4
\p
\q
\v 1 ହେ ଶମରୀୟାର ପର୍ବତବାସିନୀ ବାଶନର ଗାଭୀସବୁ, ତୁମ୍ଭେମାନେ ଏହି ବାକ୍ୟ ଶୁଣ,
\q ତୁମ୍ଭେମାନେ ଦରିଦ୍ରଗଣ ପ୍ରତି ଉପଦ୍ରବ କରୁଅଛ, ଦୀନହୀନମାନଙ୍କୁ ଦଳି ପକାଉଅଛ,
\q ତୁମ୍ଭେମାନେ ଆପଣା ଆପଣା କର୍ତ୍ତାକୁ କହୁଅଛ, “ଆଣ, ଆମ୍ଭେମାନେ ପାନ କରିବା ।”
\p
\q
\v 2 ପ୍ରଭୁ ସଦାପ୍ରଭୁ ଆପଣା ପବିତ୍ରତାରେ ଶପଥ କରି କହିଅଛନ୍ତି,
\q “ଦେଖ, ଯେଉଁ ସମୟରେ ଲୋକମାନେ ତୁମ୍ଭମାନଙ୍କୁ ତେଣ୍ଟାରେ
\q ଓ ତୁମ୍ଭମାନଙ୍କର ଅବଶିଷ୍ଟାଂଶକୁ ବଡ଼ଶୀ କଣ୍ଟାରେ ଟାଣି ନେବେ,
\q ଏପରି ସମୟ ତୁମ୍ଭମାନଙ୍କ ଉପରେ ଆସିବ ।
\q
\s5
\v 3 ପୁଣି, ତୁମ୍ଭମାନଙ୍କର ପ୍ରତ୍ୟେକ ଜଣ
\q ଆପଣା ଆପଣା ସମ୍ମୁଖସ୍ଥ ଭଗ୍ନସ୍ଥାନ ଦେଇ ବାହାରି ଯିବ
\q ଓ ହର୍ମ୍ମୋଣରେ ଆପଣାମାନଙ୍କୁ ନିକ୍ଷେପ କରିବ ।”
\q ଏହା ସଦାପ୍ରଭୁ କହନ୍ତି ।
\p
\q
\s5
\v 4 “ତୁମ୍ଭେମାନେ ବୈଥେଲକୁ ଯାଇ ଅପରାଧ କର; ଗିଲ୍‍ଗଲ୍‍କୁ ଯାଇ ଅପରାଧ ବୃଦ୍ଧି କର;
\q ଆଉ, ପ୍ରତି ପ୍ରଭାତରେ ଆପଣା ଆପଣା ବଳି
\q ଓ ପ୍ରତି ତିନି ଦିନରେ ଆପଣା ଆପଣାର ଦଶମାଂଶ ଉତ୍ସର୍ଗ କର;
\q
\v 5 ପୁଣି, ପ୍ରଶଂସାର୍ଥକ ବଳି ନିମନ୍ତେ ତାଡ଼ି ମିଶ୍ରିତ ଦ୍ରବ୍ୟ ଉତ୍ସର୍ଗ କର
\q ଓ ସ୍ଵେଚ୍ଛାଦତ୍ତ ଉପହାର ବିଷୟ ଘୋଷଣା କରି ପ୍ରକାଶ କର;
\q କାରଣ, ହେ ଇସ୍ରାଏଲ ସନ୍ତାନଗଣ, ତୁମ୍ଭେମାନେ ଏପରି କରିବାକୁ ଭଲ ପାଅ ।”
\q ଏହା ପ୍ରଭୁ ସଦାପ୍ରଭୁ କହନ୍ତି ।
\s ଶିକ୍ଷା ଗ୍ରହଣ କରିବାକୁ ଇସ୍ରାଏଲ ଅସମର୍ଥ
\p
\q
\s5
\v 6 “ଆଉ, ଆମ୍ଭେ ତୁମ୍ଭମାନଙ୍କର ସମୁଦାୟ ନଗରରେ ଦନ୍ତ ପଂକ୍ତିର ନିର୍ମଳତା
\q ଓ ତୁମ୍ଭମାନଙ୍କର ସମୁଦାୟ ବାସସ୍ଥାନରେ ଅନ୍ନାଭାବ ତୁମ୍ଭମାନଙ୍କୁ ଦେଇଅଛୁ;
\q ତଥାପି ତୁମ୍ଭେମାନେ ଆମ୍ଭ ପ୍ରତି ଫେରି ନାହଁ ।”
\q ଏହା ସଦାପ୍ରଭୁ କହନ୍ତି ।
\p
\q
\v 7 "ଆହୁରି, ଶସ୍ୟ ପାଚିବାର ତିନି ମାସ ପୂର୍ବେ ଆମ୍ଭେ ତୁମ୍ଭମାନଙ୍କଠାରୁ ବୃଷ୍ଟି ନିବାରଣ କରିଅଛୁ;
\q ପୁଣି, ଏକ ନଗରରେ ଜଳ ବର୍ଷାଇ ଅଛୁ ଓ ଅନ୍ୟ ନଗରରେ ଜଳ ବର୍ଷାଇ ନାହୁଁ;
\q ଏକ କ୍ଷେତ୍ରରେ ବୃଷ୍ଟି ହେଲା ଓ ଯେଉଁ କ୍ଷେତ୍ରରେ ବୃଷ୍ଟି ହେଲା ନାହିଁ,
\q ତାହା ଶୁଷ୍କ ହେଲା ।
\q
\s5
\v 8 ତହିଁ ସକାଶୁ ଦୁଇ, ତିନି ନଗରସ୍ଥ ଲୋକମାନେ ଜଳ ପାନ କରିବା ନିମନ୍ତେ
\q ବୁଲି ବୁଲି ଅନ୍ୟ ଏକ ନଗରକୁ ଗଲେ, ମାତ୍ର ତୃପ୍ତ ହେଲେ ନାହିଁ;
\q ତଥାପି ତୁମ୍ଭେମାନେ ଆମ୍ଭ ପ୍ରତି ଫେରି ନାହଁ ।"
\q ଏହା ସଦାପ୍ରଭୁ କହନ୍ତି ।
\p
\q
\v 9 “ଆମ୍ଭେ ଶସ୍ୟର ଶୋଷ ଓ ମ୍ଳାନି ଦ୍ୱାରା ତୁମ୍ଭମାନଙ୍କୁ ଆଘାତ କରିଅଛୁ;
\q ଶୂକ କୀଟ ତୁମ୍ଭମାନଙ୍କର ବହୁସଂଖ୍ୟକ ଉଦ୍ୟାନ, ଦ୍ରାକ୍ଷାକ୍ଷେତ୍ର, ଡିମିରି ବୃକ୍ଷ ଓ ଜୀତବୃକ୍ଷ ଗ୍ରାସ କରିଅଛି;
\q ତଥାପି ତୁମ୍ଭେମାନେ ଆମ୍ଭ ପ୍ରତି ଫେରି ନାହଁ ।”
\q ଏହା ସଦାପ୍ରଭୁ କହନ୍ତି ।
\q
\s5
\v 10 “ଆମ୍ଭେ ତୁମ୍ଭମାନଙ୍କ ମଧ୍ୟରୁ ମିସର ଦେଶର ମହାମାରୀ ତୁଲ୍ୟ ମହାମାରୀ ପଠାଇଅଛୁ;
\q ତୁମ୍ଭମାନଙ୍କର ଯୁବାଗଣକୁ ଆମ୍ଭେ ଖଡ୍ଗରେ ସଂହାର କରିଅଛୁ
\q ଓ ତୁମ୍ଭମାନଙ୍କର ଅଶ୍ୱଗଣକୁ ନେଇ ଯାଇଅଛୁ;
\q ପୁଣି, ଆମ୍ଭେ ତୁମ୍ଭମାନଙ୍କର ଛାଉଣି ସ୍ଥାନର ଦୁର୍ଗନ୍ଧ ତୁମ୍ଭମାନଙ୍କର ନାସିକା ପର୍ଯ୍ୟନ୍ତ ହିଁ ପ୍ରବେଶ କରାଇଅଛୁ;
\q ତଥାପି ତୁମ୍ଭେମାନେ ଆମ୍ଭ ପ୍ରତି ଫେରି ନାହଁ ।”
\q ଏହା ସଦାପ୍ରଭୁ କହନ୍ତି ।
\p
\q
\v 11 “ପରମେଶ୍ୱର ସଦୋମ ଓ ହମୋରାକୁ ଯେପରି ଉତ୍ପାଟନ କରିଥିଲେ,
\q ସେପରି ଆମ୍ଭେ ତୁମ୍ଭମାନଙ୍କର କେତେକ (ସ୍ଥାନ) ଉତ୍ପାଟନ କରିଅଛୁ,
\q ଆଉ ତୁମ୍ଭେମାନେ ପୋଡ଼ା ଖୁଣ୍ଟ ପରି ଅଗ୍ନିରୁ କଢ଼ାଗଲ;
\q ତଥାପି ତୁମ୍ଭେମାନେ ଆମ୍ଭ ପ୍ରତି ଫେରି ନାହଁ ।”
\q ଏହା ସଦାପ୍ରଭୁ କହନ୍ତି ।
\p
\q
\s5
\v 12 “ଏଥିପାଇଁ ହେ ଇସ୍ରାଏଲ, ଆମ୍ଭେ ତୁମ୍ଭ ପ୍ରତି ଏରୂପ କରିବା;
\q ଆଉ, ଆମ୍ଭେ ତୁମ୍ଭ ପ୍ରତି ଏରୂପ କରିବା,
\q ଏଥିସକାଶୁ ହେ ଇସ୍ରାଏଲ, ତୁମ୍ଭେ ଆପଣା ପରମେଶ୍ୱରଙ୍କ ସହିତ
\q ସାକ୍ଷାତ କରିବାକୁ ପ୍ରସ୍ତୁତ ହୁଅ ।
\q
\v 13 କାରଣ ଦେଖ, ଯେ ପର୍ବତଗଣ ନିର୍ମାଣ କରନ୍ତି,
\q ବାୟୁକୁ ସୃଷ୍ଟି କରନ୍ତି ଓ ମନୁଷ୍ୟ ପ୍ରତି ତାହାର ଚିନ୍ତା ପ୍ରକାଶ କରନ୍ତି,
\q ଯେ ଅରୁଣକୁ ଅନ୍ଧକାରମୟ କରନ୍ତି
\q ଓ ପୃଥିବୀର ଉଚ୍ଚସ୍ଥଳୀସକଳର ଉପରେ ଗମନାଗମନ କରନ୍ତି ।”
\q ସଦାପ୍ରଭୁ ସୈନ୍ୟାଧିପତି ପରମେଶ୍ୱର ତାହାଙ୍କର ନାମ ।
\s5
\c 5
\s ସଦାପ୍ରଭୁଙ୍କ ଅନ୍ୱେଷଣରେ ଜୀବନ
\p
\v 1 ହେ ଇସ୍ରାଏଲ ବଂଶ, ଆମ୍ଭେ ତୁମ୍ଭମାନଙ୍କ ବିଷୟରେ ଏହି ଯେଉଁ ବିଳାପର ବାକ୍ୟ କହୁଅଛୁ, ତାହା ଶୁଣ ।
\q
\v 2 ଇସ୍ରାଏଲର କୁମାରୀ ପତିତ ହୋଇଅଛି, ସେ ଆଉ ଉଠିବ ନାହିଁ;
\q ସେ ଆପଣା ଭୂମିରେ ଫିଙ୍ଗା ଯାଇଅଛି; ତାହାକୁ ଉଠାଇବାକୁ କେହି ନାହିଁ ।
\p
\q
\s5
\v 3 କାରଣ ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି,
\q “ଯେଉଁ ନଗରରୁ ସହସ୍ର ହୋଇ ବାହାରିଲେ, ତହିଁରେ ଇସ୍ରାଏଲ ବଂଶର ଏକ ଶହ ଅବଶିଷ୍ଟ ରହିବେ,
\q ଆଉ ଯେଉଁ ସ୍ଥାନରୁ ଏକ ଶହ ବାହାରିଲେ, ତହିଁରେ ଦଶ ଅବଶିଷ୍ଟ ରହିବେ ।”
\q
\s5
\v 4 କାରଣ ଇସ୍ରାଏଲ ବଂଶକୁ ସଦାପ୍ରଭୁ ଏହି କଥା କହନ୍ତି,
\q “ତୁମ୍ଭେମାନେ ଆମ୍ଭର ଅନ୍ୱେଷଣ କର, ତହିଁରେ ତୁମ୍ଭେମାନେ ବଞ୍ଚିବ ।
\q
\v 5 ମାତ୍ର ବୈଥେଲର ଅନ୍ଵେଷଣ କର ନାହିଁ,
\q କିଅବା ଗିଲ୍‍ଗଲ୍‍ରେ ପ୍ରବେଶ କର ନାହିଁ ଓ ବେର୍‍‌‌ଶେବାକୁ ଯାଅ ନାହିଁ;
\q କାରଣ ଗିଲ୍‍ଗଲ୍‍ ନିଶ୍ଚୟ ନିର୍ବାସିତ ହେବ ଓ ବୈଥେଲ୍‍ ବିନଷ୍ଟ ହେବ ।
\p
\q
\s5
\v 6 ସଦାପ୍ରଭୁଙ୍କର ଅନ୍ଵେଷଣ କର, ତହିଁରେ ତୁମ୍ଭେମାନେ ବଞ୍ଚିବ;
\q ନୋହିଲେ ସେ ଯୋଷେଫ ବଂଶରେ ଅଗ୍ନି ପରି ଜ୍ୱଳି ଉଠିବେ,
\q ତାହା ଗ୍ରାସ କରିବ ଓ ତାହା ଲିଭାଇବା ପାଇଁ ବୈଥେଲରେ କେହି ନ ଥିବ ।
\q
\v 7 ବିଚାରକୁ ତିକ୍ତ ଫଳରେ ପରିଣତକାରୀ ଓ ନ୍ୟାୟକୁ ଭୂମିସାତ୍‍କାରୀମାନେ;
\p
\q
\s5
\v 8 ଯେ କୃତ୍ତିକାର ଓ ମୃଗଶୀର୍ଷର ସୃଷ୍ଟି କରିଅଛନ୍ତି,
\q ଯେ ମୃତ୍ୟୁରୂପ ଛାୟାକୁ ପ୍ରଭାତରେ ପରିଣତ କରନ୍ତି,
\q ଯେ ଦିବସକୁ ରାତ୍ରି ତୁଲ୍ୟ ଅନ୍ଧକାରମୟ କରନ୍ତି;
\q ଯେ ସମୁଦ୍ରର ଜଳସମୂହକୁ ଆହ୍ୱାନ କରି ପୃଥିବୀ ଉପରେ ଢାଳନ୍ତି;
\q ତୁମ୍ଭେମାନେ ତାହାଙ୍କର ଅନ୍ଵେଷଣ କର ।”
\q ସଦାପ୍ରଭୁ ତାହାଙ୍କର ନାମ ।
\q
\v 9 ସେ ବଳବାନ୍ ଉପରେ ହଠାତ୍ ସର୍ବନାଶ ଉପସ୍ଥିତ କରାନ୍ତି,
\q ତହିଁରେ ଦୁର୍ଗ ଉପରେ ସର୍ବନାଶ ଉପସ୍ଥିତ ହୁଏ ।
\p
\q
\s5
\v 10 ଯେ ନଗର ଦ୍ୱାରରେ ଅନୁଯୋଗ କରେ, ଲୋକମାନେ ତାହାକୁ ହିଂସା କରନ୍ତି
\q ଓ ଯେ ଯଥାର୍ଥ କଥା କହେ, ସେମାନେ ତାହାକୁ ଘୃଣା କରନ୍ତି ।
\q
\v 11 ତୁମ୍ଭେମାନେ ଦରିଦ୍ରକୁ ପଦ ତଳେ ଦଳୁଅଛ
\q ଓ ବଳପୂର୍ବକ ତାହାଠାରୁ ଗହମ ନେଉଅଛ;
\q ଏଥିପାଇଁ ତୁମ୍ଭେମାନେ କଟା ପାଷାଣର ଗୃହ ନିର୍ମାଣ କରିଅଛ ସତ୍ୟ,
\q ମାତ୍ର ତୁମ୍ଭେମାନେ ତହିଁରେ ବାସ କରିବ ନାହିଁ;
\q ତୁମ୍ଭେମାନେ ରମ୍ୟ ଦ୍ରାକ୍ଷାକ୍ଷେତ୍ର ରୋପଣ କରିଅଛ,
\q ମାତ୍ର ତୁମ୍ଭେମାନେ ତହିଁର ଦ୍ରାକ୍ଷାରସ ପାନ କରିବ ନାହିଁ;
\q
\s5
\v 12 କାରଣ ତୁମ୍ଭମାନଙ୍କର ଅପରାଧ କିପରି ବହୁବିଧ
\q ଓ ତୁମ୍ଭମାନଙ୍କର ପାପସକଳ କିପରି ପ୍ରବଳ, ଏହା ଆମ୍ଭେ ଜାଣୁ;
\q ତୁମ୍ଭେମାନେ ଧାର୍ମିକକୁ କ୍ଲେଶ ଦେଉଅଛ, ଲାଞ୍ଚ ନେଉଅଛ
\q ଓ ନଗର ଦ୍ୱାରରେ ଦୀନହୀନମାନଙ୍କ ପ୍ରତି ଅନ୍ୟାୟ କରୁଅଛ ।
\p
\q
\v 13 ଏଥିପାଇଁ ଯେଉଁ ଜନ ବୁଦ୍ଧିମାନ, ସେ ଏପରି ସମୟରେ ନୀରବ ହୋଇ ରହିବ; କାରଣ ସମୟ ମନ୍ଦ ଅଟେ ।
\q
\s5
\v 14 ତୁମ୍ଭେମାନେ ଯେପରି ବଞ୍ଚିବ, ଏଥିପାଇଁ ମନ୍ଦ ଚେଷ୍ଟା ନ କର, ଭଲ ଚେଷ୍ଟା କର;
\q ତହିଁରେ ତୁମ୍ଭମାନଙ୍କର ବାକ୍ୟ ଅନୁସାରେ ସଦାପ୍ରଭୁ ସୈନ୍ୟାଧିପତି ପରମେଶ୍ୱର ତୁମ୍ଭମାନଙ୍କର ସହବର୍ତ୍ତୀ ହେବେ ।
\q
\v 15 ମନ୍ଦକୁ ଘୃଣା କର, ଭଲକୁ ଭଲ ପାଅ ଓ ନଗର ଦ୍ୱାରରେ ନ୍ୟାୟ ବିଚାର କର;
\q ହୋଇପାରେ, ସଦାପ୍ରଭୁ ସୈନ୍ୟାଧିପତି ପରମେଶ୍ୱର ଯୋଷେଫର ଅବଶିଷ୍ଟାଂଶ ପ୍ରତି କୃପାମୟ ହେବେ ।
\p
\q
\s5
\v 16 ଏଥିପାଇଁ ପ୍ରଭୁ, ସୈନ୍ୟାଧିପତି ପରମେଶ୍ୱର ସଦାପ୍ରଭୁ ଏହି କଥା କହନ୍ତି,
\q “ଛକ ସ୍ଥାନ ସକଳରେ ହାହାକାର ଶବ୍ଦ ହେବ
\q ଓ ରାଜଦାଣ୍ଡସକଳରେ ଲୋକମାନେ ହାୟ ! ହାୟ ! କହିବେ;
\q ଆଉ, ସେମାନେ କୃଷକକୁ ଶୋକ କରିବାକୁ
\q ଓ ବିଳାପ ନିପୁଣ ଲୋକମାନଙ୍କୁ ହାହାକାର କରିବାକୁ ଡାକିବେ ।
\q
\v 17 ପୁଣି, ଦ୍ରାକ୍ଷାକ୍ଷେତ୍ରସକଳରେ ହାହାକାର ଶବ୍ଦ ହେବ;
\q କାରଣ ଆମ୍ଭେ ତୁମ୍ଭର ମଧ୍ୟଦେଇ ଗମନ କରିବା ।”
\q ଏହା ସଦାପ୍ରଭୁ କହନ୍ତି ।
\p
\q
\s5
\v 18 ହାୟ, ହାୟ, ସଦାପ୍ରଭୁଙ୍କର ଦିନ ବାଞ୍ଛାକାରୀମାନେ !
\q ତୁମ୍ଭେମାନେ କାହିଁକି ସଦାପ୍ରଭୁଙ୍କର ଦିନ ବାଞ୍ଛା କରୁଅଛ ?
\q ତାହା ଅନ୍ଧକାରମୟ, ଦୀପ୍ତିମୟ ନୁହେଁ ।
\q
\v 19 କୌଣସି ମନୁଷ୍ୟ ସିଂହଠାରୁ ପଳାଇ ଯେପରି ଭଲ୍ଲୁକର ହାବୁଡ଼ରେ ପଡ଼ିଲା,
\q ଅଥବା ଗୃହ ମଧ୍ୟରେ ପ୍ରବେଶ କରି କାନ୍ଥ ଉପରେ ହସ୍ତ ଦିଅନ୍ତେ,
\q ସର୍ପ ତାହାକୁ ଦଂଶନ କଲା, (ସେହି ଦିନ ସଦୃଶ୍ୟ)
\q
\v 20 ସଦାପ୍ରଭୁଙ୍କର ଦିନ ଦୀପ୍ତିମୟ ନ ହୋଇ କି ଅନ୍ଧକାରମୟ ହେବ ନାହିଁ ?
\q ତହିଁରେ କିଛି ଆଲୁଅ ନ ଥାଇ କି ଘୋର ଅନ୍ଧକାରମୟ ହେବ ନାହିଁ ?
\p
\q
\s5
\v 21 “ଆମ୍ଭେ ତୁମ୍ଭମାନଙ୍କର ପର୍ବସବୁ ଘୃଣା କରୁ, ଆମ୍ଭେ ତାହା ତୁଚ୍ଛ ଜ୍ଞାନ କରୁ,
\q ଆମ୍ଭେ ତୁମ୍ଭମାନଙ୍କର ମହାସଭାରେ କିଛି ସନ୍ତୁଷ୍ଟ ହେବା ନାହିଁ ।
\q
\v 22 ହଁ, ତୁମ୍ଭେମାନେ ଆମ୍ଭ ନିକଟରେ ତୁମ୍ଭମାନଙ୍କର ହୋମବଳି
\q ଓ ଭକ୍ଷ୍ୟ ନୈବେଦ୍ୟ ଉତ୍ସର୍ଗ କଲେ ମଧ୍ୟ ଆମ୍ଭେ ତାହା ଗ୍ରାହ୍ୟ କରିବା ନାହିଁ;
\q କିଅବା ମଙ୍ଗଳାର୍ଥକ ବଳିରୂପ ତୁମ୍ଭମାନଙ୍କର ପୁଷ୍ଟ ପଶୁଗଣ ପ୍ରତି ଦୃଷ୍ଟି କରିବା ନାହିଁ ।
\p
\q
\s5
\v 23 ତୁମ୍ଭେମାନେ ଆମ୍ଭ ନିକଟରୁ ତୁମ୍ଭମାନଙ୍କ ଗାୟନର କୋଳାହଳ ଦୂର କର;
\q କାରଣ ଆମ୍ଭେ ତୁମ୍ଭମାନଙ୍କ ନେବଲ ଯନ୍ତ୍ରର ବାଦ୍ୟ ଶୁଣିବା ନାହିଁ ।
\q
\v 24 ମାତ୍ର ନ୍ୟାୟ ବିଚାର ଜଳରାଶି ତୁଲ୍ୟ ଓ ଧାର୍ମିକତା ପ୍ରବଳ ସ୍ରୋତ ତୁଲ୍ୟ ବହିଯାଉ ।
\q
\s5
\v 25 ହେ ଇସ୍ରାଏଲ ବଂଶ, ତୁମ୍ଭେମାନେ କି ପ୍ରାନ୍ତରରେ ଚାଳିଶ ବର୍ଷ ପର୍ଯ୍ୟନ୍ତ
\q ଆମ୍ଭ ନିକଟକୁ ବଳିଦାନ ଓ ନୈବେଦ୍ୟ ଆଣିଲ ?
\q
\v 26 ହଁ, ତୁମ୍ଭେମାନେ ଆପଣାମାନଙ୍କ ପାଇଁ ଯାହା ନିର୍ମାଣ କର,
\q ଏପରି ରାଜା ସିକୂତକୁ ଓ କୀୟନ ନାମକ ତୁମ୍ଭମାନଙ୍କର ପ୍ରତିମାଗଣକୁ,
\q ତୁମ୍ଭମାନଙ୍କର ଦେବତାର ତାରାକୁ ବହନ କରିଅଛ ।
\p
\q
\s5
\v 27 ଏଥିନିମନ୍ତେ ଆମ୍ଭେ ତୁମ୍ଭମାନଙ୍କୁ ନିର୍ବାସାର୍ଥେ ଦମ୍ମେସକର ଅପର ପାରିକୁ ଗମନ କରାଇବା ।”
\q ଏହା ସଦାପ୍ରଭୁ କହନ୍ତି, ସୈନ୍ୟାଧିପତି ପରମେଶ୍ୱର ତାହାଙ୍କର ନାମ ।
\s5
\c 6
\s ସୁଖରେ ଥିବା ସିୟୋନର ସନ୍ତାପ
\p
\q
\v 1 ନାନା ପ୍ରଧାନ ଗୋଷ୍ଠୀ ମଧ୍ୟରେ ପ୍ରସିଦ୍ଧ, ଯେଉଁମାନଙ୍କ ନିକଟକୁ ଇସ୍ରାଏଲ ବଂଶ ଆସନ୍ତି,
\q ଏପରି ଯେ ସିୟୋନସ୍ଥ ସୁଖରେ ଥିବା ଲୋକମାନେ
\q ଓ ଶମରୀୟା ପର୍ବତସ୍ଥ ନିରାପଦରେ ଥିବା ଲୋକମାନେ, ସେମାନେ ସନ୍ତାପର ପାତ୍ର !
\q
\v 2 ତୁମ୍ଭେମାନେ କଲନେକୁ ଯାଇ ଦେଖ ଓ ସେସ୍ଥାନରୁ ତୁମ୍ଭେମାନେ ବଡ଼ ହମାତକୁ ଯାଅ;
\q ତହିଁ ଉତ୍ତାରେ ପଲେଷ୍ଟୀୟମାନଙ୍କର ଗାଥ୍‍ ନଗରକୁ ଯାଅ;
\q ସେହି ସବୁ କି ଏହି (ଦୁଇ) ରାଜ୍ୟ ଅପେକ୍ଷା ଉତ୍ତମ ?
\q ଅବା ସେମାନଙ୍କର ସୀମା କି ତୁମ୍ଭମାନଙ୍କର ସୀମା ଅପେକ୍ଷା ବଡ଼ ?
\p
\q
\s5
\v 3 ଏହି ଲୋକମାନେ ଅମଙ୍ଗଳର ଦିନକୁ ଦୂରରେ ରଖୁଅଛନ୍ତି
\q ଓ ଦୌରାତ୍ମ୍ୟର ଆସନକୁ ନିକଟବର୍ତ୍ତୀ କରାଉଅଛନ୍ତି;
\q
\v 4 ସେମାନେ ହସ୍ତୀଦନ୍ତ ଶଯ୍ୟାରେ ଶୟନ କରନ୍ତି
\q ଓ ଖଟ ଉପରେ ଆପଣା ଆପଣା ଶରୀର ଲମ୍ବାଉଅଛନ୍ତି,
\q ଆଉ ପଲରୁ ମେଷଶାବକ ଓ ଗୋଠରୁ ଗୋବତ୍ସ ଆଣି ଭୋଜନ କରନ୍ତି;
\q
\s5
\v 5 ନେବଲ ଯନ୍ତ୍ରରେ ଅନର୍ଥକ ଗୀତ ଗାନ କରନ୍ତି,
\q ଦାଉଦଙ୍କ ସଦୃଶ୍ୟ ଆପଣାମାନଙ୍କ ନିମନ୍ତେ ନାନା ବାଦ୍ୟଯନ୍ତ୍ର ନିର୍ମାଣ କରନ୍ତି;
\q
\v 6 ବଡ଼ ବଡ଼ ପାତ୍ରରେ ଦ୍ରାକ୍ଷାରସ ପାନ କରନ୍ତି
\q ଓ ଉତ୍କୃଷ୍ଟ ତୈଳରେ ଆପଣାମାନଙ୍କୁ ମର୍ଦ୍ଦନ କରନ୍ତି;
\q ମାତ୍ର ଯୋଷେଫଙ୍କ କ୍ଲେଶରେ ସେମାନେ ଦୁଃଖିତ ହୁଅନ୍ତି ନାହିଁ ।
\p
\q
\s5
\v 7 ଏଥିପାଇଁ ସେମାନେ ଏବେ ପ୍ରଥମ ନିର୍ବାସିତ ଲୋକମାନଙ୍କ ସହିତ ନିର୍ବାସିତ ହେବେ
\q ଓ ଶରୀର ଲମ୍ବକାରୀମାନଙ୍କର ହର୍ଷନାଦ ଲୁପ୍ତ ହେବ ।
\q
\v 8 ପ୍ରଭୁ ସଦାପ୍ରଭୁ ଆପଣା ନାମରେ ଶପଥ କରିଅଛନ୍ତି,
\q ସଦାପ୍ରଭୁ ସୈନ୍ୟାଧିପତି ପରମେଶ୍ୱର ଏହି କଥା କହନ୍ତି,
\q “ଆମ୍ଭେ ଯାକୁବର ଗୌରବକୁ ଘୃଣା କରୁ ଓ ତାହାର ଅଟ୍ଟାଳିକାସବୁକୁ ତୁଚ୍ଛଜ୍ଞାନ କରୁ;
\q ଏଥିପାଇଁ ଆମ୍ଭେ ନଗର ଓ ତନ୍ମଧ୍ୟସ୍ଥ ଯାବତୀୟକୁ ପର ହସ୍ତରେ ସମର୍ପଣ କରିବା ।”
\p
\s5
\v 9 ତହିଁରେ ଏକ ଗୃହରେ ଯଦି ଦଶ ଜଣ ଅବଶିଷ୍ଟ ରହିବେ, ତେବେ ସମସ୍ତେ ମରିବେ ।
\v 10 ପୁଣି, ଗୃହ ମଧ୍ୟରୁ ଅସ୍ଥିସକଳ ବାହାର କରି ଆଣିବା ପାଇଁ କୌଣସି ଲୋକର ପିତୃବ୍ୟ, ଶବଦାହକାରୀ ତାହାକୁ ଉଠାଇଲା ଉତ୍ତାରେ ଗୃହର ଅନ୍ତରସ୍ଥ ଲୋକକୁ ପଚାରିବ, “ଏବେ ହେଁ ତୁମ୍ଭର କି ଆଉ କିଏ ଅଛି ?” ତେବେ ସେ କହିବ, “ନାହିଁ ।” ସେତେବେଳେ ସେ କହିବ, “ତୁନି ହୁଅ; କାରଣ ସଦାପ୍ରଭୁଙ୍କର ନାମ ଆମ୍ଭମାନଙ୍କର ଉଚ୍ଚାରଣ କରିବାର ନୁହେଁ ।”
\s5
\v 11 କାରଣ ଦେଖ, ସଦାପ୍ରଭୁ ଆଜ୍ଞା କରନ୍ତି ଓ ବଡ଼ ବଡ଼ ଗୃହ ଭଗ୍ନ ହେବ ଓ ସାନ ସାନ ଗୃହରେ ଫାଟ ହେବ ।
\q1
\s5
\v 12 ଅଶ୍ୱଗଣ କି ଶୈଳ ଉପରେ ଦୌଡ଼ିବେ ? କେହି ବଳଦ ନେଇ କି ସେଠାରେ ଚାଷ କରିବ ?
\q2 ତୁମ୍ଭେମାନେ ନ୍ୟାୟ ବିଚାରକୁ ବିଷରେ ଓ ଧାର୍ମିକତାର ଫଳକୁ ତିକ୍ତ ଫଳରେ ପରିଣତ କରିଅଛ;
\q1
\v 13 ତୁମ୍ଭେମାନେ ଅବସ୍ତୁରେ ଆନନ୍ଦ କରୁଅଛ, ତୁମ୍ଭେମାନେ କହୁଅଛ,
\q2 “ଆମ୍ଭେମାନେ ଆପଣା ବଳରେ କି ଶୃଙ୍ଗ ଲାଭ କରି ନାହୁଁ ?”
\q1
\s5
\v 14 ଏହେତୁ ଦେଖ, ହେ ଇସ୍ରାଏଲ ବଂଶ ସଦାପ୍ରଭୁ ସୈନ୍ୟାଧିପତି ପରମେଶ୍ୱର କହନ୍ତି,
\q2 “ଆମ୍ଭେ ତୁମ୍ଭମାନଙ୍କ ବିରୁଦ୍ଧରେ ଏକ ଗୋଷ୍ଠୀକୁ ଉଠାଇବା;
\q2 ତହିଁରେ ସେମାନେ ହମାତର ପ୍ରବେଶ ସ୍ଥାନଠାରୁ ଆରାବା ସ୍ରୋତ ମାର୍ଗ ପର୍ଯ୍ୟନ୍ତ ତୁମ୍ଭମାନଙ୍କୁ କ୍ଲେଶ ଦେବେ ।”
\s5
\c 7
\s ପ୍ରଥମ ଦର୍ଶନ - ପଙ୍ଗପାଳ
\p
\v 1 ପ୍ରଭୁ ସଦାପ୍ରଭୁ ମୋତେ ଏରୂପ ଦେଖାଇଲେ; ଆଉ ଦେଖ, ବିଳମ୍ବରେ ଉତ୍ପନ୍ନ ତୃଣ ଅଙ୍କୁରିବା ଆରମ୍ଭରେ ସେ ପଙ୍ଗପାଳମାନଙ୍କୁ ଗଢ଼ିଲେ ଓ ଦେଖ, ରାଜାଙ୍କ ତୃଣ କଟାଗଲା ଉତ୍ତାରେ ସେହି ବିଳମ୍ବରେ ଉତ୍ପନ୍ନ ତୃଣ ବଢ଼ୁଥିଲା ।
\v 2 ପୁଣି, ସେହି ପଙ୍ଗପାଳମାନେ ଦେଶର ତୃଣ ଖାଇବାର ଶେଷ କଲା ଉତ୍ତାରେ ମୁଁ କହିଲି,
\q “ହେ ପ୍ରଭୁ, ସଦାପ୍ରଭୁ, ତୁମ୍ଭକୁ ବିନୟ କରୁଅଛି, କ୍ଷମା କର !
\q ଯାକୁବ କିରୂପେ ଠିଆ ହେବ ? କାରଣ ସେ ସାନ ।”
\p
\v 3 ସଦାପ୍ରଭୁ ସେ ବିଷୟରେ ଦୁଃଖିତ ହେଲେ; “ଏହା ହେବ ନାହିଁ,” ଏହା ସଦାପ୍ରଭୁ କହନ୍ତି ।
\s ଦ୍ୱିତୀୟ ଦର୍ଶନ - ଅଗ୍ନି ଉତ୍ପାତ
\p
\s5
\v 4 ପ୍ରଭୁ ସଦାପ୍ରଭୁ ମୋତେ ଏହିରୂପେ ଦେଖାଇଲେ; ଆଉ ଦେଖ, ପ୍ରଭୁ ସଦାପ୍ରଭୁ ଅଗ୍ନି ଦ୍ୱାରା ବିବାଦ କରିବା ପାଇଁ ଆହ୍ୱାନ କଲେ; ତହିଁରେ ତାହା ମହାସାଗରକୁ ଗ୍ରାସ କଲା, ଆଉ ଭୂମିକୁ ଗ୍ରାସ କରିଥା'ନ୍ତା ।
\v 5 ଏପରି ସମୟରେ ମୁଁ କହିଲି,
\q “ହେ ପ୍ରଭୁ, ସଦାପ୍ରଭୁ, ବିନୟ କରେ, କ୍ଷାନ୍ତ ହୁଅ;
\q ଯାକୁବ କିରୂପେ ଠିଆ ହେବ ? କାରଣ ସେ ସାନ ।”
\p
\v 6 ସଦାପ୍ରଭୁ ସେ ବିଷୟରେ ଦୁଃଖିତ ହେଲେ; “ତାହା ମଧ୍ୟ ହେବ ନାହିଁ,” ପ୍ରଭୁ ସଦାପ୍ରଭୁ ଏହା କହନ୍ତି ।
\s ତୃତୀୟ ଦର୍ଶନ - ଓଳମ
\p
\s5
\v 7 ସେ ମୋତେ ଏରୂପ ଦେଖାଇଲେ; ଆଉ ଦେଖ, ପ୍ରଭୁ ଆପଣା ହସ୍ତରେ ଓଳମ ଘେନି ଓଳମ ଦ୍ୱାରା ନିର୍ମିତ ଏକ କାନ୍ଥ ନିକଟରେ ଠିଆ ହେଲେ ।
\v 8 ପୁଣି, ସଦାପ୍ରଭୁ ମୋତେ ପଚାରିଲେ, “ହେ ଆମୋଷ, ତୁମ୍ଭେ କଅଣ ଦେଖୁଅଛ ?” ତହିଁରେ ମୁଁ କହିଲି, “ଗୋଟିଏ ଓଳମ ।” ତେବେ ପ୍ରଭୁ କହିଲେ,
\q “ଦେଖ, ଆମ୍ଭେ ଆପଣା ଲୋକ ଇସ୍ରାଏଲ ମଧ୍ୟରେ ଓଳମ ପକାଇବା;
\q ଆମ୍ଭେ ପୁନର୍ବାର ଆଉ ସେମାନଙ୍କୁ ଛାଡ଼ି ଯିବା ନାହିଁ;
\q
\s5
\v 9 ପୁଣି, ଇସ୍‍ହାକର ଉଚ୍ଚସ୍ଥଳୀସକଳ ଧ୍ୱଂସିତ ହେବ
\q ଓ ଇସ୍ରାଏଲର ଧର୍ମଧାମସକଳ ବିନଷ୍ଟ ହେବ;
\q ଆଉ ଆମ୍ଭେ ଖଡ୍ଗ ଘେନି ଯାରବୀୟାମର ବଂଶ ବିରୁଦ୍ଧରେ ଉଠିବା ।”
\s ଆମୋଷଙ୍କ ଦୋଷାରୋପ
\p
\s5
\v 10 ଯେତେବେଳେ ବୈଥେଲର ଯାଜକ ଅମତ୍‍ସୀୟ ଇସ୍ରାଏଲର ରାଜା ଯାରବୀୟାମଙ୍କ ନିକଟକୁ ଏହି କଥା କହି ପଠାଇଲା, “ଇସ୍ରାଏଲ ବଂଶ ମଧ୍ୟରେ ଆମୋଷ ଆପଣଙ୍କ ବିରୁଦ୍ଧରେ ଚକ୍ରାନ୍ତ କରିଅଛନ୍ତି; ଦେଶ ତାଙ୍କର ବାକ୍ୟସବୁ ସହି ପାରୁ ନାହିଁ ।”
\q
\v 11 କାରଣ ଆମୋଷ ଏରୂପ କହୁଅଛନ୍ତି,
\q “ଯାରବୀୟାମ ଖଡ୍ଗରେ ହତ ହେବ
\q ଓ ଇସ୍ରାଏଲ ନିଶ୍ଚୟ ଆପଣା ନିଜ ଦେଶରୁ ନିର୍ବାସିତ ହେବ ।”
\q
\s5
\v 12 ଆହୁରି, ଅମତ୍‍ସୀୟ ଆମୋଷଙ୍କୁ କହିଲା,
\q “ହେ ଦର୍ଶକ, ତୁମ୍ଭେ ଯାଅ, ଯିହୁଦା ଦେଶକୁ ପଳାଅ,
\q ସେଠାରେ ଭୋଜନ କର ଓ ସେଠାରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କର;
\q
\v 13 ମାତ୍ର ବୈଥେଲ୍‍ରେ ପୁନର୍ବାର ଆଉ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କର ନାହିଁ;
\q କାରଣ ତାହା ରାଜାଙ୍କର ପବିତ୍ର ସ୍ଥାନ ଓ ତାହା ରାଜକୀୟ ଗୃହ ଅଟେ ।”
\p
\q
\s5
\v 14 ତହିଁରେ ଆମୋଷ ଉତ୍ତର କରି ଅମତ୍‍ସୀୟକୁ କହିଲେ,
\q “ମୁଁ ଭବିଷ୍ୟଦ୍‍ବକ୍ତା ନ ଥିଲି, କିଅବା କୌଣସି ଭବିଷ୍ୟଦ୍‍ବକ୍ତାଙ୍କ ପୁତ୍ର ନ ଥିଲି;
\q ମାତ୍ର ମୁଁ ଗୋପାଳକ ଓ ଡିମ୍ବିରି ବୃକ୍ଷର କୃଷକ ଥିଲି;
\q
\v 15 ପୁଣି, ସଦାପ୍ରଭୁ ପଲର ପଶ୍ଚାଦ୍‍ଗମନରୁ ମୋତେ ନେଲେ
\q ଓ ସଦାପ୍ରଭୁ ମୋତେ କହିଲେ,
\q ଯାଅ, ଆମ୍ଭର ଇସ୍ରାଏଲ ଲୋକ ନିକଟରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କର ।”
\p
\q
\s5
\v 16 ଏଥିପାଇଁ ଏବେ ତୁମ୍ଭେ ସଦାପ୍ରଭୁଙ୍କର ବାକ୍ୟ ଶୁଣ;
\q ତୁମ୍ଭେ କହୁଅଛ, 'ଇସ୍ରାଏଲ ବିରୁଦ୍ଧରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କର ନାହିଁ
\q ଓ ଇସ୍‍ହାକ ବଂଶ ବିରୁଦ୍ଧରେ ତୁମ୍ଭର ବାକ୍ୟ ବର୍ଷାଅ ନାହିଁ ।'
\q
\v 17 ଏଥିପାଇଁ ସଦାପ୍ରଭୁ ଏହି କଥା କହନ୍ତି;
\q “ତୁମ୍ଭର ଭାର୍ଯ୍ୟା ନଗର ମଧ୍ୟରେ ବେଶ୍ୟା ହେବ
\q ଓ ତୁମ୍ଭର ପୁତ୍ର କନ୍ୟାଗଣ ଖଡ୍ଗରେ ପତିତ ହେବେ,
\q ଆଉ ତୁମ୍ଭର ଭୂମି ପରିମାପକ ଦଉଡ଼ି ଦ୍ୱାରା ବିଭାଗ କରାଯିବ;
\q ପୁଣି, ତୁମ୍ଭେ ନିଜେ ଅଶୁଚି ଦେଶରେ ମରିବ,
\q ଆଉ ଇସ୍ରାଏଲ ନିଶ୍ଚୟ ଆପଣା ଦେଶରୁ ନିର୍ବାସିତ ହେବ ।”
\s5
\c 8
\s ଚତୁର୍ଥ ଦର୍ଶନ - ଏକ ଡାଲା ଫଳ
\p
\v 1 ପ୍ରଭୁ ସଦାପ୍ରଭୁ ମୋତେ ଏହିପରି ଦେଖାଇଲେ; ଦେଖ, ଏକ ଡାଲା ଗ୍ରୀଷ୍ମକାଳୀନ ଫଳ ।
\v 2 ପୁଣି, ସେ କହିଲେ, “ହେ ଆମୋଷ, ତୁମ୍ଭେ କଅଣ ଦେଖୁଅଛ ?” ତହିଁରେ ମୁଁ କହିଲି, “ଏକ ଡାଲା ଗ୍ରୀଷ୍ମକାଳୀନ ଫଳ ।” ତେବେ ସଦାପ୍ରଭୁ ମୋତେ କହିଲେ,
\q “ଆମ୍ଭର ଲୋକ ଇସ୍ରାଏଲର ଅନ୍ତିମ କାଳ ଉପସ୍ଥିତ ହୋଇଅଛି;
\q ଆମ୍ଭେ ପୁନର୍ବାର ସେମାନଙ୍କୁ ଆଉ ଛାଡ଼ି ଯିବା ନାହିଁ ।
\q
\v 3 ପୁଣି, ସେହି ଦିନ ମନ୍ଦିରର ଗାନ ସବୁ ହାହାକାର ହେବ ।”
\q ଏହା ପ୍ରଭୁ ସଦାପ୍ରଭୁ କହନ୍ତି;
\q “ଶବ ଅନେକ ହେବ; ଲୋକମାନେ ପ୍ରତ୍ୟେକ ସ୍ଥାନରେ ନୀରବ ହୋଇ ସେମାନଙ୍କୁ ପକାଇବେ ।”
\s ଇସ୍ରାଏଲର ସର୍ବନାଶ
\p
\s5
\v 4 ହେ ଦୀନହୀନମାନଙ୍କୁ ଗ୍ରାସ କରିବାକୁ ଉଦ୍ୟତ ଓ ଦରିଦ୍ରମାନଙ୍କୁ ଲୋପ କରାଇବା ଲୋକମାନେ, ତୁମ୍ଭେମାନେ ଏହା ଶୁଣ ।
\q
\v 5 “ତୁମ୍ଭେମାନେ ଐଫା ସାନ କରି ଓ ଶେକଲ ବଡ଼ କରି,
\q ଆଉ ଛଳନାରୂପ ତରାଜୁରେ ଅଯଥାର୍ଥ କାରବାର କରି କହୁଅଛ,
\q ଅମାବାସ୍ୟା କେତେବେଳେ ଗତ ହେବ, ଆମ୍ଭେମାନେ ଯେପରି ଶସ୍ୟ ବିକ୍ରୟ କରିବୁ ?
\q ବିଶ୍ରାମ ଦିନ କେବେ ଗତ ହେବ, ଆମ୍ଭେମାନେ ଯେପରି ଗହମ ବାହାର କରିବୁ ?
\q
\v 6 ଆମ୍ଭେମାନେ ଯେପରି ରୂପା ଦେଇ ଦରିଦ୍ରକୁ
\q ଓ ଏକ ଯୋଡ଼ା ପାଦୁକା ପାଇଁ ଦୀନହୀନକୁ କ୍ରୟ କରିବୁ
\q ଓ ତ୍ୟାଗ ଯୋଗ୍ୟ ଗହମ ବିକ୍ରୟ କରିବୁ ।”
\p
\s5
\v 7 ସଦାପ୍ରଭୁ ଯାକୁବର ଗୌରବ ନେଇ ଏହି ଶପଥ କରିଅଛନ୍ତି, ଆମ୍ଭେ ନିଶ୍ଚୟ ସେମାନଙ୍କର କୌଣସି କର୍ମ କେବେ ପାସୋରିବା ନାହିଁ ।
\q
\v 8 ଦେଶ କି ଏଥିନିମନ୍ତେ କମ୍ପିତ ହେବ ନାହିଁ
\q ଓ ତନ୍ନିବାସୀ ସମସ୍ତେ କି ଶୋକ କରିବେ ନାହିଁ ?
\q ହଁ, ତାହା ସମ୍ପୂର୍ଣ୍ଣ ରୂପେ ନଦୀ ତୁଲ୍ୟ ବଢ଼ି ଉଠିବ
\q ଓ ମିସରର ନୀଳ ନଦୀ ତୁଲ୍ୟ ଉଚ୍ଛୁଳି ପୁନର୍ବାର ହ୍ରାସ ହେବ ।
\p
\q
\s5
\v 9 ପ୍ରଭୁ ସଦାପ୍ରଭୁ କହନ୍ତି,
\q “ସେହି ଦିନ ଆମ୍ଭେ ମଧ୍ୟାହ୍ନ କାଳରେ ସୂର୍ଯ୍ୟକୁ ଅସ୍ତଗତ କରାଇବା
\q ଓ ନିର୍ମଳ ଦିନରେ ଆମ୍ଭେ ଦେଶକୁ ଅନ୍ଧକାରମୟ କରିବା ।
\q
\v 10 ପୁଣି, ଆମ୍ଭେ ତୁମ୍ଭମାନଙ୍କର ସକଳ ଉତ୍ସବକୁ ଶୋକରେ
\q ଓ ତୁମ୍ଭମାନଙ୍କର ଗାୟନ ସବୁକୁ ବିଳାପରେ ପରିଣତ କରିବା;
\q ଆଉ, ଆମ୍ଭେ ସମସ୍ତଙ୍କର କଟୀଦେଶ ଚଟବସ୍ତ୍ରରେ ପରିହିତ କରାଇବା
\q ଓ ପ୍ରତ୍ୟେକ ମସ୍ତକ ଟାଙ୍ଗରା କରାଇବା;
\q ପୁଣି, ଆମ୍ଭେ ସେହି ଶୋକକୁ ଅଦ୍ୱିତୀୟ ପୁତ୍ରର ଶୋକ ତୁଲ୍ୟ
\q ଓ ତହିଁର ଶେଷକୁ ଦାରୁଣ ଦୁଃଖ ଦିନର ତୁଲ୍ୟ କରାଇବା ।”
\p
\q
\s5
\v 11 ପ୍ରଭୁ ସଦାପ୍ରଭୁ କହନ୍ତି,
\q “ଦେଖ, ଯେଉଁ ଦିନ ଆମ୍ଭେ ଏହି ଦେଶକୁ ଦୁର୍ଭିକ୍ଷ ପ୍ରେରଣ କରିବା,
\q ଏପରି ଦିନ ଆସୁଅଛି, ତାହା ଅନ୍ନ କିଅବା ଜଳ ପିପାସାର ଦୁର୍ଭିକ୍ଷ ନୁହେଁ,
\q ମାତ୍ର ସଦାପ୍ରଭୁଙ୍କର ବାକ୍ୟ ଶୁଣିବାର ଦୁର୍ଭିକ୍ଷ ହେବ ।
\q1
\v 12 ଲୋକମାନେ ଏକ ସମୁଦ୍ର ଠାରୁ ଅନ୍ୟ ସମୁଦ୍ର ପର୍ଯ୍ୟନ୍ତ
\q ଓ ଉତ୍ତର ଦିଗରୁ ପୂର୍ବ ଦିଗ ପର୍ଯ୍ୟନ୍ତ ଭ୍ରମଣ କରିବେ;
\q ସେମାନେ ସଦାପ୍ରଭୁଙ୍କର ବାକ୍ୟର ଅନ୍ଵେଷଣ କରିବା ପାଇଁ ଏଣେତେଣେ ଦୌଡ଼ିବେ,
\q ଆଉ ତାହା ପାଇବେ ନାହିଁ ।
\p
\q
\s5
\v 13 ସେହି ଦିନ ସୁନ୍ଦରୀ କୁମାରୀଗଣ ଓ ଯୁବକମାନେ ତୃଷାରେ ମୂର୍ଚ୍ଛାପନ୍ନ ହେବେ ।
\q
\v 14 ଯେଉଁମାନେ ଶମରୀୟାର ପାପ ନେଇ ଶପଥ କରନ୍ତି, ଆଉ କହନ୍ତି,
\q ହେ ଦାନ, ତୁମ୍ଭ ଦେବତା ଜୀବିତ ଥିବା ପ୍ରମାଣେ
\q ଓ ବେର୍‍‌‌ଶେବାର ପଥ ଜୀବିତ ଥିବା ପ୍ରମାଣେ,
\q ସେମାନେ ହିଁ ପତିତ ହେବେ, ଆଉ କେବେ ଉଠିବେ ନାହିଁ ।”
\s5
\c 9
\s ପଞ୍ଚମ ଦର୍ଶନ - ପରମେଶ୍ୱରଙ୍କ ବିଚାର
\p
\v 1 ମୁଁ ଯଜ୍ଞବେଦି ନିକଟରେ ପ୍ରଭୁଙ୍କୁ ଠିଆ ହେବାର ଦେଖିଲି;
\q ଆଉ, ସେ କହିଲେ,
\q “ଦ୍ୱାରର ସମ୍ମୁଖ ସ୍ଥାନ ଯେପରି ହଲିବ, ଏଥିପାଇଁ ସ୍ତମ୍ଭର ମୁଣ୍ଡାଳିରେ ଆଘାତ କର
\q ଓ ସମସ୍ତଙ୍କର ମସ୍ତକ ଉପରେ ତାହା ଖଣ୍ଡ ଖଣ୍ଡ କରି ପକାଅ;
\q ପୁଣି, ଆମ୍ଭେ ସେମାନଙ୍କ ଶେଷାଂଶକୁ ଖଡ୍ଗରେ ବଧ କରିବା;
\q ସେମାନଙ୍କ ମଧ୍ୟରୁ ଏକ ଜଣ ହିଁ ପଳାଇ ପାରିବ ନାହିଁ
\q ଓ ସେମାନଙ୍କର ଏକ ଜଣ ହିଁ ରକ୍ଷା ପାଇବ ନାହିଁ ।
\p
\q
\v 2 ସେମାନେ ଖୋଳି ପାତାଳ ପର୍ଯ୍ୟନ୍ତ ଗଲେ ହେଁ
\q ସେଠାରୁ ଆମ୍ଭର ହସ୍ତ ସେମାନଙ୍କୁ ଧରି ଆଣିବ
\q ଓ ସେମାନେ ଆକାଶ ପର୍ଯ୍ୟନ୍ତ ଉଠିଲେ ହେଁ
\q ଆମ୍ଭେ ସେହି ସ୍ଥାନରୁ ସେମାନଙ୍କୁ ତଳକୁ ଆଣିବା ।
\q
\s5
\v 3 ପୁଣି, ସେମାନେ କର୍ମିଲର ଶୃଙ୍ଗରେ ଆପଣାମାନଙ୍କୁ ଲୁଚାଇଲେ ହେଁ
\q ଆମ୍ଭେ ସେସ୍ଥାନରୁ ଅନୁସନ୍ଧାନ କରି ସେମାନଙ୍କୁ ଧରି ଆଣିବା
\q ଓ ସେମାନେ ଆମ୍ଭ ଦୃଷ୍ଟିରୁ ସମୁଦ୍ରର ତଳେ ଲୁଚିଲେ ହେଁ
\q ଆମ୍ଭେ ସେସ୍ଥାନରେ ସର୍ପକୁ ଆଜ୍ଞା କରିବା, ତହିଁରେ ସେ ସେମାନଙ୍କୁ ଦଂଶନ କରିବ ।
\q
\v 4 ପୁଣି, ସେମାନେ ଆପଣା ଶତ୍ରୁଗଣ ସମ୍ମୁଖରେ ବନ୍ଦୀତ୍ୱ ସ୍ଥାନକୁ ଗଲେ ହେଁ
\q ଆମ୍ଭେ ସେସ୍ଥାନରେ ଖଡ୍ଗକୁ ଆଜ୍ଞା କରିବା,
\q ଆଉ ତାହା ସେମାନଙ୍କୁ ବଧ କରିବ ଓ ଆମ୍ଭେ ମଙ୍ଗଳ ନିମନ୍ତେ ନୁହେଁ,
\q ମାତ୍ର ଅମଙ୍ଗଳ ନିମନ୍ତେ ସେମାନଙ୍କ ଉପରେ ଆପଣା ଦୃଷ୍ଟି ରଖିବା ।”
\p
\q
\s5
\v 5 କାରଣ ଯେ ପୃଥିବୀକୁ ସ୍ପର୍ଶ କରନ୍ତେ,
\q ତାହା ତରଳି ଯାଏ, ଆଉ ତନ୍ନିବାସୀ ସମସ୍ତେ ଶୋକ କରନ୍ତି;
\q ସେ ପ୍ରଭୁ ସୈନ୍ୟାଧିପତି ସଦାପ୍ରଭୁ ଅଟନ୍ତି;
\q ପୁଣି, ତାହା ସମ୍ପୂର୍ଣ୍ଣ ରୂପେ ନଦୀ ପରି ବଢ଼ି ଉଠିବ
\q ଓ ମିସରର ନୀଳ ନଦୀ ତୁଲ୍ୟ ପୁନର୍ବାର ହ୍ରାସ ହେବ ।
\q
\v 6 ଯେ ଆକାଶରେ ଆପଣା କୋଠରୀ ଶ୍ରେଣୀ ନିର୍ମାଣ କରନ୍ତି
\q ଓ ପୃଥିବୀ ଉପରେ ଆପଣା ଚନ୍ଦ୍ରାତପ ସ୍ଥାପନ କରିଅଛନ୍ତି;
\q ଯେ ସମୁଦ୍ରର ଜଳସମୂହକୁ ଡାକି ପୃଥିବୀ ଉପରେ ଢାଳନ୍ତି;
\q ତାହାଙ୍କର ନାମ ସଦାପ୍ରଭୁ ।
\p
\q
\s5
\v 7 ସଦାପ୍ରଭୁ କହନ୍ତି, “ହେ ଇସ୍ରାଏଲ ସନ୍ତାନଗଣ,
\q ତୁମ୍ଭେମାନେ ଆମ୍ଭ ନିକଟରେ କି କୂଶୀୟ ସନ୍ତାନଗଣର ତୁଲ୍ୟ ନୁହଁ ?
\q ଆମ୍ଭେ କି ଇସ୍ରାଏଲକୁ ମିସର ଦେଶରୁ ଓ ପଲେଷ୍ଟୀୟମାନଙ୍କୁ କପ୍ତୋର୍ ଦେଶରୁ
\q ଓ ଅରାମୀୟମାନଙ୍କୁ କୀର୍‍ ଦେଶରୁ ଆଣି ନାହୁଁ ?
\q
\v 8 ଦେଖ, ପ୍ରଭୁ ସଦାପ୍ରଭୁଙ୍କର ଚକ୍ଷୁ ଏହି ପାପିଷ୍ଠ ରାଜ୍ୟ ଉପରେ ଅଛି
\q ଓ ଆମ୍ଭେ ପୃଥିବୀରୁ ତାହା ଉଚ୍ଛିନ୍ନ କରିବା;
\q କେବଳ ଯାକୁବ ବଂଶକୁ ଆମ୍ଭେ ନିଃଶେଷ ରୂପେ ଉଚ୍ଛିନ୍ନ କରିବା ନାହିଁ,
\q ଏହା ସଦାପ୍ରଭୁ କହନ୍ତି ।”
\p
\q
\s5
\v 9 “କାରଣ ଦେଖ, ଆମ୍ଭେ ଆଜ୍ଞା କରିବା
\q ଓ ଆମ୍ଭେ ଯାବତୀୟ ଗୋଷ୍ଠୀ ମଧ୍ୟରେ ଇସ୍ରାଏଲ ବଂଶକୁ
\q ଚାଲୁଣୀର ଶସ୍ୟକୁ ଚଲାଇବା ପରି ଚଲାଇବା,
\q ତଥାପି ଏକ କଣିକା ଭୂମିରେ ପଡ଼ିବ ନାହିଁ ।
\q
\v 10 ଆମ୍ଭ ଲୋକମାନଙ୍କ ମଧ୍ୟରୁ ଯେଉଁ ପାପୀମାନେ କୁହନ୍ତି,
\q ଅମଙ୍ଗଳ ଦୌଡ଼ି ଆମ୍ଭମାନଙ୍କୁ ଧରିବ ନାହିଁ;
\q କିଅବା ଆମ୍ଭମାନଙ୍କର ସମ୍ମୁଖବର୍ତ୍ତୀ ହେବ ନାହିଁ,
\q ସେସମସ୍ତେ ଖଡ୍ଗ ଦ୍ୱାରା ହତ ହେବେ ।”
\s ଇସ୍ରାଏଲୀୟର ପୁନଃ ପ୍ରତିଷ୍ଠା
\p
\q
\s5
\v 11 “ସେଦିନ ଆମ୍ଭେ ଦାଉଦର ପତିତ ତମ୍ବୁ ପୁନର୍ବାର ଉତ୍‍ଥାପନ କରିବା
\q ଓ ତହିଁର ଫଟା ସ୍ଥାନ ସବୁ ବନ୍ଦ କରିବା;
\q ପୁଣି, ତାହାର ଉଜାଡ଼ ସ୍ଥାନ ସବୁ ପୁନର୍ବାର ଉଠାଇବା
\q ଓ ପୂର୍ବକାଳର ନ୍ୟାୟ ତାହା ନିର୍ମାଣ କରିବା;
\q
\v 12 ତହିଁରେ ସେମାନେ ଆମ୍ଭ ନାମରେ ଖ୍ୟାତ ଇଦୋମର ଅବଶିଷ୍ଟାଂଶକୁ
\q ଓ ଯାବତୀୟ ଗୋଷ୍ଠୀକୁ ଅଧିକାର କରିବେ ।”
\q ଏହି କର୍ମର ସାଧନକର୍ତ୍ତା ସଦାପ୍ରଭୁ ଏହା କହନ୍ତି ।
\p
\q
\s5
\v 13 ସଦାପ୍ରଭୁ କହନ୍ତି,
\q “ଦେଖ, ଯେଉଁ ସମୟରେ ହଳବାହକ ଶସ୍ୟ କଟାଳିର ପଛେ
\q ଓ ଦ୍ରାକ୍ଷାପେଷକ ବୀଜବୁଣାଳୀର ପଛେ ଲାଗି ରହିବ,
\q ଏପରି ସମୟ ଆସୁଅଛି ଓ ପର୍ବତଗଣ ମିଷ୍ଟ ଦ୍ରାକ୍ଷାରସ ଝରାଇବ,
\q ଆଉ ଉପପର୍ବତସକଳ ତରଳି ଯିବେ ।
\p
\q
\s5
\v 14 ପୁଣି, ଆମ୍ଭେ ଆପଣା ଲୋକ ଇସ୍ରାଏଲର ବନ୍ଦୀତ୍ୱାବସ୍ଥା ପରିବର୍ତ୍ତନ କରିବା,
\q ତହିଁରେ ସେମାନେ ଧ୍ୱଂସିତ ନଗରସବୁ ପୁନଃ ନିର୍ମାଣ କରି ତହିଁ ମଧ୍ୟରେ ବାସ କରିବେ
\q ଓ ସେମାନେ ଦ୍ରାକ୍ଷାକ୍ଷେତ୍ର ପ୍ରସ୍ତୁତ କରି ତହିଁରୁ ଦ୍ରାକ୍ଷାରସ ପାନ କରିବେ;
\q ଆହୁରି, ସେମାନେ ଉଦ୍ୟାନ ପ୍ରସ୍ତୁତ କରି ତହିଁର ଫଳ ଭୋଗ କରିବେ ।
\q
\v 15 ପୁଣି, ଆମ୍ଭେ ସେମାନଙ୍କୁ ସେମାନଙ୍କ ଦେଶରେ ରୋପଣ କରିବା,
\q ତହିଁରେ ଆମ୍ଭେ ସେମାନଙ୍କୁ ଯେଉଁ ଦେଶ ଦେଇଅଛୁ,
\q ତହିଁରୁ ସେମାନେ ଆଉ ଉତ୍ପାଟିତ ହେବେ ନାହିଁ ।”
\q ଏହା ସଦାପ୍ରଭୁ ତୁମ୍ଭ ପରମେଶ୍ୱର କହନ୍ତି ।

52
31-OBA.usfm Normal file
View File

@ -0,0 +1,52 @@
\id OBA
\ide UTF-8
\sts - Old OdiaVersion Revision
\rem - Copyright Information: Creative Commons Attribution - ShareAlike 4.0 licence
\h - ଓବଦୀୟ
\toc1 - ଓବଦୀୟ ଭବିଷ୍ୟଦ୍‍ବକ୍ତାଙ୍କ ପୁସ୍ତକ
\toc2 - ଓବଦୀୟ
\toc3 oba
\mt1 ଓବଦୀୟ ଭବିଷ୍ୟଦ୍‍ବକ୍ତାଙ୍କ ପୁସ୍ତକ
\mt2 THE BOOK OF PROPHET
\s5
\c 1
\s ଇଦୋମର ଦଣ୍ଡ
\p
\v 1 ଓବଦିୟଙ୍କ ଦର୍ଶନ । ପ୍ରଭୁ, ସଦାପ୍ରଭୁ ଇଦୋମ ବିଷୟରେ ଏହି କଥା କହନ୍ତି; ଆମ୍ଭେମାନେ ସଦାପ୍ରଭୁଙ୍କ ନିକଟରୁ ସମାଚାର ଶୁଣିଅଛୁ ଓ ଗୋଷ୍ଠୀଗଣ ମଧ୍ୟକୁ ଏକ ଦୂତ ପ୍ରେରିତ ହୋଇଅଛି, ତୁମ୍ଭେମାନେ ଉଠ ଓ ତାହା ବିରୁଦ୍ଧରେ ଯୁଦ୍ଧ କରିବା ପାଇଁ ଆମ୍ଭେମାନେ ଉଠୁ ।
\v 2 ଦେଖ, ଆମ୍ଭେ ଗୋଷ୍ଠୀଗଣ ମଧ୍ୟରେ ତୁମ୍ଭକୁ କ୍ଷୁଦ୍ର କରିଅଛୁ; ତୁମ୍ଭେ ଅତିଶୟ ତୁଚ୍ଛୀକୃତ ଅଟ ।
\s5
\v 3 ହେ ଶୈଳ-କନ୍ଦରରେ ବାସକାରୀ, ହେ ଉଚ୍ଚସ୍ଥାନ ନିବାସୀ, ତୁମ୍ଭ ଅନ୍ତଃକରଣର ଅହଂକାର ତୁମ୍ଭକୁ ବଞ୍ଚନା କରିଅଛି; ତୁମ୍ଭେ ଆପଣା ମନେ ମନେ କହୁଅଛ, ଆମ୍ଭକୁ ଭୂମିକୁ ଓହ୍ଳାଇ ଆଣିବ କିଏ ?
\v 4 ସଦାପ୍ରଭୁ କହନ୍ତି, ତୁମ୍ଭେ ଯଦ୍ୟପି ଉତ୍କ୍ରୋଶ ପକ୍ଷୀ ପରି ଉର୍ଦ୍ଧ୍ୱକୁ ଉଠ, ତୁମ୍ଭର ବସା ଯଦ୍ୟପି ତାରାଗଣ ମଧ୍ୟରେ ସ୍ଥାପିତ ହୁଏ, ତଥାପି ଆମ୍ଭେ ସେଠାରୁ ତୁମ୍ଭକୁ ଓହ୍ଳାଇ ଆଣିବା ।
\s5
\v 5 (ତୁମ୍ଭେ କିପରି ଉଚ୍ଛିନ୍ନ ହୋଇଅଛ !) ଯଦି ଚୋରମାନେ ତୁମ୍ଭ ନିକଟକୁ ଆସନ୍ତି, ଯଦି ଡକାୟତମାନେ ରାତ୍ରିରେ ଆସନ୍ତି, ଯଦି ସେମାନେ କି ଯଥେଷ୍ଟ ପାଇବା ପର୍ଯ୍ୟନ୍ତ ଚୋରି କରିବେ ନାହିଁ ? ଯେବେ ଦ୍ରାକ୍ଷାଫଳ ସଞ୍ଚୟକାରୀମାନେ ତୁମ୍ଭ ନିକଟକୁ ଆସନ୍ତି, ତେବେ ସେମାନେ କି ଗୋଟାଇବା ପାଇଁ କିଛି ଦ୍ରାକ୍ଷାଫଳ ଛାଡ଼ିବେ ନାହିଁ ?
\v 6 ଏଷୌର ସକଳ ବିଷୟ କିପରି ଅନୁସନ୍ଧାନ କରାଯାଇଅଛି ! ତାହାର ଗୁପ୍ତ ଧନସବୁ କିପରି ଅନ୍ଵେଷଣ କରାଯାଇଅଛି !
\s5
\v 7 ତୁମ୍ଭର ସହାୟ ସମସ୍ତ ଲୋକ ତୁମ୍ଭକୁ ତୁମ୍ଭ ବାଟରେ ଆଣି ସୀମାରେ ପହଞ୍ଚାଇ ଅଛନ୍ତି; ଯେଉଁମାନେ ତୁମ୍ଭର ମିତ୍ର ଥିଲେ, ସେମାନେ ତୁମ୍ଭକୁ ପ୍ରବଞ୍ଚନା କରି ପରାଭବ କରିଅଛନ୍ତି; ଯେଉଁମାନେ ତୁମ୍ଭର ଅନ୍ନ ଭୋଜନ କରନ୍ତି, ସେମାନେ ତୁମ୍ଭ ତଳେ ଫାନ୍ଦ ପାତିଅଛନ୍ତି; ଇଦୋମରେ କିଛି ବୁଦ୍ଧି ନାହିଁ ।
\v 8 ସଦାପ୍ରଭୁ କହନ୍ତି, ସେଦିନ ଆମ୍ଭେ କି ଇଦୋମରୁ ଜ୍ଞାନୀମାନଙ୍କୁ ଓ ଏଷୌର ପର୍ବତରୁ ବୁଦ୍ଧି ବିନଷ୍ଟ କରିବା ନାହିଁ ?
\v 9 ପୁଣି, ହେ ତୈମନ୍‍, ଏଷୌର ପର୍ବତରୁ ହତ୍ୟା ଦ୍ୱାରା ଯେପରି ପ୍ରତ୍ୟେକ ଜଣ ଉଚ୍ଛିନ୍ନ ହେବେ, ଏହି ଅଭିପ୍ରାୟରେ ତୁମ୍ଭର ବୀରଗଣ ଉଦ୍‍ବିଗ୍ନ ହେବେ ।
\s ଯାକୁବ ପ୍ରତି ଇଦୋମର ଦୌରାତ୍ମ୍ୟ
\p
\s5
\v 10 ତୁମ୍ଭର ଭ୍ରାତା ଯାକୁବ ପ୍ରତି କୃତ ଦୌରାତ୍ମ୍ୟ ସକାଶୁ ତୁମ୍ଭେ ଲଜ୍ଜାରେ ଆଚ୍ଛନ୍ନ ହେବ, ପୁଣି ତୁମ୍ଭେ ଚିରକାଳ ଉଚ୍ଛିନ୍ନ ହେବ ।
\v 11 ଯେଉଁ ଦିନ ତୁମ୍ଭେ ଅନ୍ୟ ପାଖରେ ଠିଆ ହେଲ, ଯେଉଁ ଦିନ ଅପରିଚିତ ଲୋକମାନେ ତାହାର ସମ୍ପତ୍ତି ବୋହି ନେଇଗଲେ ଓ ବିଦେଶୀୟମାନେ ତାହାର ସକଳ ନଗର ଦ୍ୱାରରେ ପ୍ରବେଶ କଲେ ଓ ଯିରୂଶାଲମ ଉପରେ ଗୁଲିବାଣ୍ଟ କଲେ, ସେଦିନ ତୁମ୍ଭେ ତ ସେମାନଙ୍କ ମଧ୍ୟରେ ଥିବା ଏକ ଜଣ ପରି ହୋଇଥିଲ ।
\s5
\v 12 ମାତ୍ର ତୁମ୍ଭେ ଆପଣା ଭ୍ରାତାର ଦିନ ପ୍ରତି, ଅର୍ଥାତ୍‍, ତାହାର ଦୁର୍ଦ୍ଦଶା ଦିନ ପ୍ରତି ଅନାଅ ନାହିଁ ଓ ଯିହୁଦା ସନ୍ତାନଗଣର ବିନାଶ ଦିନରେ ସେମାନଙ୍କ ବିଷୟରେ ଆନନ୍ଦ କର ନାହିଁ; କିଅବା ସଂକଟ ଦିନରେ ଦର୍ପ କଥା କୁହ ନାହିଁ ।
\v 13 ଆମ୍ଭ ଲୋକମାନଙ୍କର ବିପତ୍ତି ଦିନରେ ସେମାନଙ୍କର ନଗର ଦ୍ୱାରରେ ପ୍ରବେଶ କର ନାହିଁ; ହଁ, ସେମାନଙ୍କ ବିପତ୍ତି ଦିନରେ ସେମାନଙ୍କର କ୍ଳେଶ ପ୍ରତି ତୁମ୍ଭେ ଅନାଅ ନାହିଁ, ଅଥବା ସେମାନଙ୍କ ବିପତ୍ତି ଦିନରେ ସେମାନଙ୍କ ସମ୍ପତ୍ତିରେ ତୁମ୍ଭେମାନେ ହସ୍ତ ଦିଅ ନାହିଁ ।
\v 14 ପୁଣି, ତାହାର ପଳାତକମାନଙ୍କୁ ବଧ କରିବା ପାଇଁ ତୁମ୍ଭେ ଚୌମୁହାଣି ପଥରେ ଠିଆ ହୁଅ ନାହିଁ ଓ ସଂକଟ ଦିନରେ ତାହାର ଅବଶିଷ୍ଟ ଲୋକମାନଙ୍କୁ (ଶତ୍ରୁ ହସ୍ତରେ) ସମର୍ପଣ କର ନାହିଁ ।
\s ଈଶ୍ୱରଙ୍କ ଜାତିସମୂହର ବିଚାର
\p
\s5
\v 15 କାରଣ ସକଳ ଗୋଷ୍ଠୀ ଉପରେ ସଦାପ୍ରଭୁଙ୍କର ଦିନ ସନ୍ନିକଟ; ତୁମ୍ଭେ ଯେପରି କରିଅଛ, ତୁମ୍ଭ ପ୍ରତି ସେହିପରି କରାଯିବ; ତୁମ୍ଭ କୃତ ବ୍ୟବହାରର (ପ୍ରତିଫଳ) ତୁମ୍ଭ ନିଜ ମସ୍ତକରେ ବର୍ତ୍ତିବ ।
\v 16 କାରଣ ତୁମ୍ଭେମାନେ ଆମ୍ଭ ପବିତ୍ର ପର୍ବତରେ ଯେପରି ପାନ କରିଅଛ, ସେପରି ସମୁଦାୟ ଗୋଷ୍ଠୀ ନିତ୍ୟ ନିତ୍ୟ ପାନ କରିବେ, ହଁ, ସେମାନେ ପାନ କରୁ କରୁ ଗିଳି ପକାଇବେ, ପୁଣି ଅଜାତର ତୁଲ୍ୟ ହେବେ ।
\s5
\v 17 ମାତ୍ର ରକ୍ଷାପ୍ରାପ୍ତ ଲୋକମାନେ ସିୟୋନରେ ଥିବେ ଓ ତାହା ପବିତ୍ର ହେବ; ଆଉ, ଯାକୁବର ବଂଶ ଆପଣାମାନଙ୍କର ଅଧିକାର ଭୋଗ କରିବେ ।
\v 18 ପୁଣି, ଯାକୁବର ବଂଶ ଅଗ୍ନି ସ୍ୱରୂପ ଓ ଯୋଷେଫର ବଂଶ ଅଗ୍ନିଶିଖା ସ୍ୱରୂପ ହେବେ, ଆଉ ଏଷୌର ବଂଶ ନଡ଼ା ସ୍ୱରୂପ ହେବେ, ଆଉ ସେମାନେ ତହିଁ ମଧ୍ୟରେ ଜ୍ୱଳି ତାହା ଗ୍ରାସ କରିବେ; ତହିଁରେ ଏଷୌ ବଂଶର କେହି ଅବଶିଷ୍ଟ ରହିବେ ନାହିଁ; କାରଣ ସଦାପ୍ରଭୁ ଏହା କହିଅଛନ୍ତି ।
\s ସଦାପ୍ରଭୁଙ୍କର ରାଜ୍ୟ
\p
\s5
\v 19 ପୁଣି, ଦକ୍ଷିଣର ଲୋକମାନେ ଏଷୌର ପର୍ବତ ଓ ନିମ୍ନ ଭୂମିର ଲୋକମାନେ ପଲେଷ୍ଟୀୟମାନଙ୍କ ଦେଶ ଅଧିକାର କରିବେ ଓ ସେମାନେ ଇଫ୍ରୟିମର ଭୂମି ଓ ଶମରୀୟାର ଭୂମି ଅଧିକାର କରିବେ ଓ ବିନ୍ୟାମୀନ୍‍ ଗିଲୀୟଦକୁ ଅଧିକାର କରିବ ।
\s5
\v 20 ପୁଣି, କନାନୀୟମାନଙ୍କର ମଧ୍ୟବର୍ତ୍ତୀ ନିର୍ବାସିତ ଇସ୍ରାଏଲ ସନ୍ତାନଗଣର ଏହି ସୈନ୍ୟସାମନ୍ତ ସାରିଫତ୍‍ ପର୍ଯ୍ୟନ୍ତ ଅଧିକାର କରିବେ ଓ ଯିରୂଶାଲମର ଯେଉଁ ନିର୍ବାସିତ ଲୋକମାନେ ସଫାରଦରେ ଅଛନ୍ତି, ସେମାନେ ଦକ୍ଷିଣସ୍ଥ ନଗରସକଳ ଅଧିକାର କରିବେ ।
\v 21 ପୁଣି, ଏଷୌର ପର୍ବତର ବିଚାର କରିବା ନିମନ୍ତେ ଉଦ୍ଧାରକର୍ତ୍ତାମାନେ ସିୟୋନ ପର୍ବତକୁ ଆସିବେ; ପୁଣି, ରାଜ୍ୟ ସଦାପ୍ରଭୁଙ୍କର ହେବ ।

204
33-MIC.usfm Normal file
View File

@ -0,0 +1,204 @@
\id MIC
\ide UTF-8
\sts - Odia Old Version Revision
\rem Copyright Information: Creative Commons Attribution-ShareAlike 4.0 License
\h ମୀଖା
\toc1 ମୀଖା ଭବିଷ୍ୟଦ୍‍ବକ୍ତାଙ୍କ ପୁସ୍ତକ
\toc2 ମୀଖା
\toc3 mic
\mt1 ମୀଖା ଭବିଷ୍ୟଦ୍‍ବକ୍ତାଙ୍କ ପୁସ୍ତକ
\s5
\c 1
\p
\v 1 ଯିହୁଦା ଦେଶୀୟ ଯୋଥମ୍‍, ଆହସ ଓ ହିଜକୀୟ ରାଜାମାନଙ୍କର ଅଧିକାର ସମୟରେ, ମୋରେଷ୍ଟୀୟ ମୀଖାଙ୍କ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା; ସେ ଶମରୀୟା ଓ ଯିରୂଶାଲମ ବିଷୟରେ ଏହି ଦର୍ଶନ ପାଇଲେ ।
\s ଆଗାମୀ ବିନାଶ
\p
\s5
\v 2 ହେ ଗୋଷ୍ଠୀଗଣ, ତୁମ୍ଭେ ସମସ୍ତେ ଶୁଣ; ହେ ପୃଥିବୀ ଓ ତନ୍ମଧ୍ୟସ୍ଥ ସମସ୍ତେ, ମନୋଯୋଗ କର; ପ୍ରଭୁ ସଦାପ୍ରଭୁ, ଆପଣା ପବିତ୍ର ମନ୍ଦିରରୁ ପ୍ରଭୁ ତୁମ୍ଭମାନଙ୍କ ବିରୁଦ୍ଧରେ ସାକ୍ଷୀ ହେଉନ୍ତୁ ।
\v 3 କାରଣ ଦେଖ, ସଦାପ୍ରଭୁ ଆପଣା ସ୍ଥାନରୁ ବାହାରି ଆସୁଅଛନ୍ତି ଓ ସେ ଓହ୍ଳାଇ ଆସି ପୃଥିବୀର ଉଚ୍ଚସ୍ଥଳୀସକଳ ଉପରେ ଗମନ କରିବେ ।
\v 4 ତହିଁରେ ଅଗ୍ନି ଆଗରେ ଯେପରି ମହମ ତରଳି ଯାଏ ଓ ଗଡ଼ନ୍ତି ସ୍ଥାନରେ ଜଳ ଗଡ଼ିପଡ଼େ, ସେହିପରି ତାହାଙ୍କ ପଦ ତଳେ ପର୍ବତଗଣ ତରଳି ଯିବେ ଓ ତଳଭୂମିସକଳ ବିଦୀର୍ଣ୍ଣ ହେବ ।
\s5
\v 5 କାରଣ ଯାକୁବର ଆଜ୍ଞାଲଙ୍ଘନ ଓ ଇସ୍ରାଏଲ ବଂଶର ପାପ ସକାଶୁ ଏହିସବୁ ହେଉଅଛି । ଯାକୁବର ଆଜ୍ଞାଲଙ୍ଘନ କଅଣ ? ତାହା କି ଶମରୀୟା ନୁହେଁ ? ଓ ଯିହୁଦାର ଉଚ୍ଚସ୍ଥଳୀସକଳ କଅଣ ସେହିସବୁ କି ଯିରୂଶାଲମ ନୁହେଁ ?
\s5
\v 6 ଏଥିପାଇଁ ଆମ୍ଭେ ଶମରୀୟାକୁ କ୍ଷେତ୍ରସ୍ଥ ଢିପି ଓ ଦ୍ରାକ୍ଷାଲତା ରୋପଣର ସ୍ଥାନ ତୁଲ୍ୟ କରିବା; ଆଉ, ଆମ୍ଭେ ତହିଁର ପ୍ରସ୍ତରସକଳ ଉପତ୍ୟକାରେ ପକାଇ ତହିଁର ଭିତ୍ତିମୂଳ ଅନାବୃତ କରିବା ।
\v 7 ପୁଣି, ତାହାର ଖୋଦିତ ପ୍ରତିମାସକଳ ଖଣ୍ଡ ଖଣ୍ଡ କରାଯିବ ଓ ତାହାର ବର୍ତ୍ତନସକଳ ଅଗ୍ନିରେ ଦଗ୍ଧ ହେବ, ଆଉ ଆମ୍ଭେ ତାହାର ଦେବତାସକଳକୁ ଧ୍ୱଂସ କରିବା; କାରଣ ବେଶ୍ୟାର ବର୍ତ୍ତନ ଦ୍ୱାରା ସେ ତାହା ସଞ୍ଚୟ କରିଅଛି ଓ ତାହା ପୁନର୍ବାର ବେଶ୍ୟାର ବର୍ତ୍ତନ ହୋଇଯିବ ।
\s5
\v 8 ଏଥିସକାଶୁ ଆମ୍ଭେ ବିଳାପ ଓ ହାହାକାର କରିବା, ଆମ୍ଭେ ବିବସ୍ତ୍ର ଓ ଉଲଙ୍ଗ ହୋଇ ବୁଲିବା । ଆମ୍ଭେ ଶୃଗାଳ ପରି ବିଳାପ କରିବା ଓ ଉଷ୍ଟ୍ର ପକ୍ଷୀ ପରି ଶୋକ କରିବା ।
\v 9 କାରଣ ତାହାର କ୍ଷତ ଅଚିକିତ୍ସ୍ୟ ଯେହେତୁ ତାହା ଯିହୁଦା ପର୍ଯ୍ୟନ୍ତ ଆସିଅଛି; ତାହା ଆମ୍ଭ ଲୋକମାନଙ୍କର ନଗର ଦ୍ୱାର, ଯିରୂଶାଲମ ପର୍ଯ୍ୟନ୍ତ ପହଞ୍ଚି ଅଛି ।
\v 10 ଗାଥ୍‍ ନଗରରେ ଏ କଥା ଜଣାଅ ନାହିଁ, ଆଦୌ ରୋଦନ କର ନାହିଁ; ଏବଂ ବୈଥ୍‍-ଲି-ଅଫ୍ରା ନଗରର ଧୂଳିରେ ନିଜେ ଗଡ଼ି ଅଛୁ ।
\s5
\v 11 ହେ ଶାଫୀର ନିବାସିନୀ, ତୁମ୍ଭେ ଉଲଙ୍ଗ ଓ ଲଜ୍ଜିତ ହୋଇ ଚାଲିଯାଅ; ସାନନ ନିବାସିନୀ ବାହାର ହୋଇ ଆସି ନାହିଁ; ବୈଥେତ୍‍ସଲର ବିଳାପ ତୁମ୍ଭମାନଙ୍କଠାରୁ ତାହାର ଅବଲମ୍ବନ ହରଣ କରିବ ।
\v 12 କାରଣ ମାରୋତ୍‍ ନିବାସିନୀ ଭାବିତା ହୋଇ ମଙ୍ଗଳର ଅପେକ୍ଷା କରଇ; ଯେହେତୁ ଯିରୂଶାଲମର ଦ୍ୱାର ପର୍ଯ୍ୟନ୍ତ ସଦାପ୍ରଭୁଙ୍କଠାରୁ ଅମଙ୍ଗଳ ଉପସ୍ଥିତ ହୋଇଅଛି ।
\s5
\v 13 ହେ ଲାଖୀଶ୍‍ ନିବାସିନୀ, ତୁମ୍ଭେ ରଥରେ ଦ୍ରୁତଗାମୀ ଅଶ୍ୱ ଯୋଚ; ସେ ସିୟୋନ-କନ୍ୟା ପ୍ରତି ଆଦ୍ୟ ପାପ ସ୍ୱରୂପ ଥିଲା; କାରଣ ଇସ୍ରାଏଲର ଆଜ୍ଞାଲଙ୍ଘନସକଳ ତୁମ୍ଭ ମଧ୍ୟରେ ଦେଖାଗଲା ।
\v 14 ଏଥିପାଇଁ ତୁମ୍ଭେ ମୋରେଷତ୍‍ ଗାଥ୍‍କୁ ବିଦାୟକାଳୀନ ଦାନ ଦେବ ଅକ୍‍ଷୀବର ଗୃହସକଳ ଇସ୍ରାଏଲର ରାଜଗଣ ପ୍ରତି ପ୍ରବଞ୍ଚନାଜନକ ବସ୍ତୁ ତୁଲ୍ୟ ହେବ;
\s5
\v 15 ଆହୁରି, ହେ ମାରେଶା ନିବାସିନୀ, ଯେ ତୁମ୍ଭକୁ ଅଧିକାର କରିବ, ତାହାକୁ ଆମ୍ଭେ ତୁମ୍ଭ ନିକଟକୁ ଆଣିବା; ଇସ୍ରାଏଲର ଗୌରବ ଅଦୁଲ୍ଲମକୁ ହିଁ ଆସିବ ।
\v 16 ତୁମ୍ଭେ ଆପଣାର ଆହ୍ଲାଦଜନକ ସନ୍ତାନଗଣ ନିମନ୍ତେ ମସ୍ତକ ମୁଣ୍ଡନ କର ଓ କେଶ କାଟି ପକାଅ; ଶାଗୁଣା ପରି ଆପଣାର କେଶ-ଶୂନ୍ୟତା ବୃଦ୍ଧି କର; କାରଣ ସେମାନେ ତୁମ୍ଭ ନିକଟରୁ ନିର୍ବାସିତ ହୋଇ ଯାଇଅଛନ୍ତି ।
\s5
\c 2
\s ଅତ୍ୟାଚାରୀଗଣ ସନ୍ତାପର ପାତ୍ର
\p
\v 1 ଯେଉଁମାନେ ଆପଣା ଆପଣା ଶଯ୍ୟାରେ ଅଧର୍ମ କଳ୍ପନା କରନ୍ତି ଓ କୁକର୍ମ ସ୍ଥିର କରନ୍ତି, ସେମାନେ ସନ୍ତାପର ପାତ୍ର ! ପ୍ରଭାତ ହେବାମାତ୍ର ସେମାନେ ତାହା ସାଧନ କରନ୍ତି, କାରଣ ତାହା ସେମାନଙ୍କ ହସ୍ତର କ୍ଷମତାଧୀନ ।
\v 2 ଆଉ, ସେମାନେ କ୍ଷେତ୍ରକୁ ଲୋଭ କରନ୍ତି ଓ ବଳରେ ତାହା ଛଡ଼ାଇ ନିଅନ୍ତି ଓ ଗୃହକୁ ଲୋଭ କରି ତାହା ହରଣ କରି ନିଅନ୍ତି; ଆଉ, ସେମାନେ ପୁରୁଷ ଓ ତାହାର ଗୃହ ପ୍ରତି, ଏବଂ, ମନୁଷ୍ୟ ଓ ତାହାର ପୈତୃକ ଅଧିକାର ପ୍ରତି ଦୌରାତ୍ମ୍ୟ କରନ୍ତି ।
\s5
\v 3 ଏହେତୁ ସଦାପ୍ରଭୁ ଏହି କଥା କହନ୍ତି; ଦେଖ, ଆମ୍ଭେ ଏହି ଗୋଷ୍ଠୀ ବିରୁଦ୍ଧରେ ଅମଙ୍ଗଳ କଳ୍ପନା କରୁଅଛୁ, ତହିଁରୁ ତୁମ୍ଭେମାନେ ଆପଣା ଆପଣା ବେକ କାଢ଼ି ନେବାକୁ କିଅବା ଗର୍ବ କରି ଚାଲି ପାରିବ ନାହିଁ; କାରଣ ତାହା ଦୁଃସମୟ ଅଟେ ।
\v 4 ସେହି ଦିନ ଲୋକମାନେ ତୁମ୍ଭ ବିରୁଦ୍ଧରେ ଗୋଟିଏ ପ୍ରବାଦ ଧରି ଅତିଶୟ ବିଳାପ କରିବେ, ଆଉ କହିବେ, ଆମ୍ଭମାନଙ୍କର ସର୍ବନାଶ ହେଲା; ସେ ଆମ୍ଭ ଲୋକମାନଙ୍କର ଅଧିକାର ହସ୍ତାନ୍ତର କରିଅଛନ୍ତି; ସେ କିପରି ଆମ୍ଭଠାରୁ ତାହା ଦୂର କରିଅଛନ୍ତି । ସେ ଆମ୍ଭମାନଙ୍କର କ୍ଷେତ୍ର ବିଭାଗ କରି ବିଦ୍ରୋହୀମାନଙ୍କୁ ଦେଇଅଛନ୍ତି ।
\v 5 ଏଥିପାଇଁ ଗୁଲିବାଣ୍ଟ ଦ୍ୱାରା ପରିମାପକ ରଜ୍ଜୁ ପକାଇବା ପାଇଁ ସଦାପ୍ରଭୁଙ୍କ ସମାଜରେ ତୁମ୍ଭର କେହି ନ ଥିବେ ।
\s5
\v 6 ତୁମ୍ଭେମାନେ ବାକ୍ୟ ପ୍ରଚାର ନ କର, ସେମାନେ ଏପରି ପ୍ରଚାର କରନ୍ତି । ଯଦି ଏମାନଙ୍କ ନିକଟରେ ସେମାନେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରିବେ ନାହିଁ ତେବେ ଅପମାନ ଘୁଞ୍ଚିବ ନାହିଁ ।
\v 7 ହେ ଯାକୁବର ବଂଶ, ସଦାପ୍ରଭୁଙ୍କର ଆତ୍ମା କି ସଙ୍କୁଚିତ ହୋଇଅଛି ? ଏହିସବୁ କି ତାହାଙ୍କର କର୍ମ ? ଏହା କୁହାଯିବ ? ଯେଉଁଜନ ସରଳ ଆଚରଣ କରେ, ଆମ୍ଭର ବାକ୍ୟସକଳ କି ତାହାର ମଙ୍ଗଳ ନ କରେ ?
\v 8 ମାତ୍ର ଅଳ୍ପ କାଳ ହେଲା, ଆମ୍ଭର ଲୋକମାନେ ଶତ୍ରୁ ତୁଲ୍ୟ ହୋଇ ଉଠିଅଛନ୍ତି; ଯୁଦ୍ଧରୁ ବିମୁଖ ଲୋକମାନଙ୍କ ତୁଲ୍ୟ ନିଶ୍ଚିନ୍ତ ପଥିକମାନଙ୍କ ଗାତ୍ରୀୟ ବସ୍ତ୍ରରୁ ତୁମ୍ଭେମାନେ ଉତ୍ତରୀୟ ବସ୍ତ୍ର ଛଡ଼ାଇ ନେଉଅଛ ।
\s5
\v 9 ଆମ୍ଭ ଲୋକମାନଙ୍କର ନାରୀଗଣକୁ ସେମାନଙ୍କର ସୁଖଜନକ ଗୃହରୁ ତୁମ୍ଭେମାନେ ଦୂର କରି ଦେଉଅଛ; ସେମାନଙ୍କର ସନ୍ତାନଗଣଠାରୁ ତୁମ୍ଭେମାନେ ଆମ୍ଭର (ଦତ୍ତ) ଗୌରବ ଚିରକାଳର ନିମନ୍ତେ ହରଣ କରି ନେଉଅଛ ।
\v 10 ତୁମ୍ଭେମାନେ ଉଠ ଓ ପ୍ରସ୍ଥାନ କର; କାରଣ ଏ ତୁମ୍ଭମାନଙ୍କର ବିଶ୍ରାମ ସ୍ଥାନ ନୁହେଁ; ଯେହେତୁ ଅଶୁଚିତା ବିନାଶ, ଅର୍ଥାତ୍‍, ଭୟାନକ ବିନାଶ କରୁଅଛି ।
\v 11 ଯଦି କୌଣସି ଲୋକ ବାୟୁ ଓ ମିଥ୍ୟା କଥାର ଅନୁଗାମୀ ହୋଇ ମିଥ୍ୟାରେ କହେ, ଆମ୍ଭେ ଦ୍ରାକ୍ଷାରସ ଓ ସୁରା ବିଷୟକ ଭବିଷ୍ୟଦ୍‍ବାକ୍ୟ ତୁମ୍ଭମାନଙ୍କ ନିକଟରେ ପ୍ରଚାର କରିବା, ତେବେ ସେ ତ ଏହି ଲୋକମାନଙ୍କର ଭବିଷ୍ୟଦ୍‍ବକ୍ତା ହେବ ।
\s5
\v 12 ହେ ଯାକୁବ, ଆମ୍ଭେ ଅବଶ୍ୟ ତୁମ୍ଭର ଯାବତୀୟ ଲୋକଙ୍କୁ ଏକତ୍ର କରିବା; ଆମ୍ଭେ ଅବଶ୍ୟ ଇସ୍ରାଏଲର ଅବଶିଷ୍ଟାଂଶକୁ ସଂଗ୍ରହ କରିବା; ଆମ୍ଭେ ସେମାନଙ୍କୁ ବସ୍ରାର ମେଷଗଣ ତୁଲ୍ୟ ଏକତ୍ର ରଖିବା; ନିଜ ଚରାଣି-ସ୍ଥାନ ମଧ୍ୟରେ ଯେପରି ମେଷପଲ, ସେହିପରି ମନୁଷ୍ୟର ବାହୁଲ୍ୟ ସକାଶୁ ସେମାନେ ମହାଶବ୍ଦ କରିବେ ।
\v 13 ଭଗ୍ନକାରୀ ସେମାନଙ୍କର ଅଗ୍ରଗାମୀ ହୋଇଅଛନ୍ତି; ସେମାନେ ବେଢ଼ା ଭାଙ୍ଗି ଦ୍ୱାର ପର୍ଯ୍ୟନ୍ତ ଯାଇଅଛନ୍ତି ଓ ସେହି ଦ୍ୱାର ଦେଇ ବାହାରି ଯାଇଅଛନ୍ତି; ପୁଣି, ସେମାନଙ୍କର ରାଜା ସେମାନଙ୍କର ଆଗେ ଆଗେ ଯାଇଅଛନ୍ତି ଓ ସଦାପ୍ରଭୁ ସେମାନଙ୍କର ଅଗ୍ରଗାମୀ ଅଛନ୍ତି ।
\s5
\c 3
\s ଯାଜକ ଓ ଶାସନକର୍ତ୍ତାଙ୍କୁ ଭର୍ତ୍ସନା
\p
\v 1 ପୁଣି, ମୁଁ କହିଲି, ହେ ଯାକୁବର ପ୍ରଧାନବର୍ଗ ଓ ହେ ଇସ୍ରାଏଲ-ବଂଶର ଶାସନକର୍ତ୍ତାଗଣ, ମୁଁ ନିବେଦନ କରେ, ତୁମ୍ଭେମାନେ ଶୁଣ: ନ୍ୟାୟବିଚାର ଜ୍ଞାତ ହେବାର କି ତୁମ୍ଭମାନଙ୍କର ଉଚିତ୍ ନୁହେଁ ?
\v 2 ମାତ୍ର ତୁମ୍ଭେମାନେ ସତ୍କର୍ମ ଘୃଣା କରି ଦୁଷ୍କର୍ମ ଭଲ ପାଉଅଛ; ତୁମ୍ଭେମାନେ ଲୋକମାନଙ୍କ ଶରୀରରୁ ସେମାନଙ୍କର ଚର୍ମ ଓ ସେମାନଙ୍କ ଅସ୍ଥିରୁ ସେମାନଙ୍କର ମାଂସ ଛଡ଼ାଇ ନେଉଅଛ;
\v 3 ମଧ୍ୟ ତୁମ୍ଭେମାନେ ଆମ୍ଭ ଲୋକମାନଙ୍କର ମାଂସ ଖାଉଅଛ ଓ ସେମାନଙ୍କର ଚର୍ମ ଛଡ଼ାଇ ସେମାନଙ୍କର ଅସ୍ଥିସବୁ ଭାଙ୍ଗୁଅଛ; ହଁ, ଯେପରି ହାଣ୍ଡି ଓ ହଣ୍ଡା ପାଇଁ ମାଂସ ଖଣ୍ଡ ଖଣ୍ଡ କରନ୍ତି, ସେହିପରି ସେମାନଙ୍କୁ ଖଣ୍ଡ ଖଣ୍ଡ କରି ପକାଉଅଛ ।
\s5
\v 4 ସେହି ସମୟରେ ସେମାନେ ସଦାପ୍ରଭୁଙ୍କ ନିକଟରେ ନିବେଦନ କରିବେ, ମାତ୍ର ସେ ସେମାନଙ୍କୁ ଉତ୍ତର ଦେବେ ନାହିଁ; ବରଞ୍ଚ ସେମାନଙ୍କର ଦୁଷ୍କ୍ରିୟାନୁସାରେ ସେ ସେହି ସମୟରେ ସେମାନଙ୍କଠାରୁ ଆପଣା ମୁଖ ଲୁଚାଇବେ।
\s5
\v 5 ଯେଉଁ ଭବିଷ୍ୟଦ୍‍ବକ୍ତାଗଣ ଆମ୍ଭ ଲୋକମାନଙ୍କୁ ଭ୍ରାନ୍ତ କରାନ୍ତି; ଯେଉଁମାନେ ଦାନ୍ତରେ କାମୁଡ଼ୁ କାମୁଡ଼ୁ, ଶାନ୍ତି ଶାନ୍ତି ବୋଲି କହନ୍ତି ଓ କୌଣସି ଲୋକ ସେମାନଙ୍କ ମୁଖରେ କିଛି ନ ଦେଲେ, ତାହା ବିରୁଦ୍ଧରେ ଯେଉଁମାନେ ଯୁଦ୍ଧ ନିରୂପଣ କରନ୍ତି, ସେମାନଙ୍କ ବିଷୟରେ ସଦାପ୍ରଭୁ ଏହି କଥା କହନ୍ତି:
\v 6 ଏଥିପାଇଁ ତୁମ୍ଭେମାନେ ଯେପରି କୌଣସି ଦର୍ଶନ ନ ପାଇବ, ତୁମ୍ଭମାନଙ୍କ ପ୍ରତି ରାତ୍ରି ହେବ ଓ ତୁମ୍ଭେମାନେ ଯେପରି ମନ୍ତ୍ରଶୂନ୍ୟ ହେବ; ଏଥିପାଇଁ ତୁମ୍ଭମାନଙ୍କ ପ୍ରତି ଅନ୍ଧକାର ହେବ; ଆଉ, ଭବିଷ୍ୟଦ୍‍ବକ୍ତାଗଣ ଉପରେ ସୂର୍ଯ୍ୟ ଅସ୍ତଗତ ହେବ ଓ ସେମାନଙ୍କ ଉପରେ ଦିବସ କୃଷ୍ଣବର୍ଣ୍ଣ ହେବ ।
\v 7 ପୁଣି, ଦର୍ଶକମାନେ ଲଜ୍ଜିତ ଓ ମନ୍ତ୍ରବେତ୍ତାମାନେ ଉଦ୍‍ବିଗ୍ନ ହେବେ; ହଁ, ସେ ସମସ୍ତେ ଆପଣା ଆପଣା ଓଷ୍ଠାଧର ଘୋଡ଼ାଇବେ; କାରଣ ପରମେଶ୍ୱରଙ୍କଠାରୁ କୌଣସି ଉତ୍ତର ନାହିଁ ।
\s5
\v 8 ମାତ୍ର ଯାକୁବକୁ ତାହାର ଆଜ୍ଞାଲଙ୍ଘନ ଓ ଇସ୍ରାଏଲକୁ ତାହାର ପାପ ଜ୍ଞାତ କରାଇବା ନିମନ୍ତେ ଆମ୍ଭେ ପ୍ରକୃତରେ ସଦାପ୍ରଭୁଙ୍କ ଆତ୍ମା ଦ୍ୱାରା ଶକ୍ତିରେ, ନ୍ୟାୟ-ବିଚାରରେ ଓ ପରାକ୍ରମରେ ପରିପୂର୍ଣ୍ଣ ଅଛୁ ।
\s5
\v 9 ହେ ଯାକୁବ ବଂଶର ପ୍ରଧାନବର୍ଗ ଓ ଇସ୍ରାଏଲ ବଂଶର ଶାସନକର୍ତ୍ତାଗଣ, ମୁଁ ନିବେଦନ କରେ, ତୁମ୍ଭେମାନେ ଏହା ଶୁଣ, ତୁମ୍ଭେମାନେ ନ୍ୟାୟ ବିଚାର ଘୃଣା କରୁଅଛ ଓ ଅପକ୍ଷପାତ ବିଚାରସବୁ ଅନ୍ୟଥା କରୁଅଛ ।
\v 10 ସେମାନେ ସିୟୋନକୁ ରକ୍ତରେ ଓ ଯିରୂଶାଲମକୁ ଅଧର୍ମରେ ନିର୍ମାଣ କରୁଅଛନ୍ତି ।
\v 11 ସେହି ସ୍ଥାନର ପ୍ରଧାନବର୍ଗ ଲାଞ୍ଚ ନେଇ ବିଚାର କରନ୍ତି ଓ ତହିଁର ଯାଜକଗଣ ବେତନ ନେଇ ଶିକ୍ଷା ଦିଅନ୍ତି ଓ ତହିଁର ଭବିଷ୍ୟଦ୍‍ବକ୍ତାଗଣ ଅର୍ଥ ନେଇ ମନ୍ତ୍ର ପଢ଼ନ୍ତି; ତଥାପି ସେମାନେ ସଦାପ୍ରଭୁଙ୍କ ଉପରେ ନିର୍ଭର କରି କୁହନ୍ତି, ସଦାପ୍ରଭୁ କି ଆମ୍ଭମାନଙ୍କ ମଧ୍ୟରେ ନାହାନ୍ତି ? କୌଣସି ଅମଙ୍ଗଳ ଆମ୍ଭମାନଙ୍କ ନିକଟକୁ ଆସିବ ନାହିଁ ।
\s5
\v 12 ଏହେତୁ ତୁମ୍ଭମାନଙ୍କ ସକାଶୁ ସିୟୋନ କ୍ଷେତ୍ର ତୁଲ୍ୟ ଚାଷ କରାଯିବ ଓ ଯିରୂଶାଲମ ଢିପି ହେବ, ଆଉ ଗୃହର ପର୍ବତ ବନସ୍ଥ ଉଚ୍ଚସ୍ଥଳୀର ତୁଲ୍ୟ ହେବ ।
\s5
\c 4
\s ସଦାପ୍ରଭୁଙ୍କ ପର୍ବତ
\p
\v 1 ମାତ୍ର ଶେଷ କାଳରେ ଏରୂପ ଘଟିବ, ସଦାପ୍ରଭୁଙ୍କ ଗୃହର ପର୍ବତ, ପର୍ବତଗଣର ଶିଖର ଉପରେ ସ୍ଥାପିତ ହେବ ଓ ଉପପର୍ବତଗଣ ଅପେକ୍ଷା ଉଚ୍ଚୀକୃତ ହେବ; ଆଉ, ଗୋଷ୍ଠୀଗଣ ସ୍ରୋତ ପରି ତହିଁ ମଧ୍ୟକୁ ବହି ଆସିବେ ।
\s5
\v 2 ପୁଣି, ଅନେକ ଗୋଷ୍ଠୀ ଯାଉ ଯାଉ କହିବେ, ତୁମ୍ଭେମାନେ ଆସ, ସଦାପ୍ରଭୁଙ୍କ ପର୍ବତକୁ, ଯାକୁବର ପରମେଶ୍ୱରଙ୍କ ଗୃହକୁ ଆମ୍ଭେମାନେ ଯାଉ; ତହିଁରେ ସେ ଆପଣା ପଥ ବିଷୟ ଆମ୍ଭମାନଙ୍କୁ ଶିକ୍ଷା ଦେବେ ଓ ଆମ୍ଭେମାନେ ତାହାଙ୍କ ମାର୍ଗରେ ଗମନ କରିବା । କାରଣ ସିୟୋନଠାରୁ ବ୍ୟବସ୍ଥା ଓ ଯିରୂଶାଲମଠାରୁ ସଦାପ୍ରଭୁଙ୍କର ବାକ୍ୟ ନିର୍ଗତ ହେବ ।
\v 3 ପୁଣି, ସେ ଅନେକ ଗୋଷ୍ଠୀୟମାନଙ୍କ ମଧ୍ୟରେ ବିଚାର କରିବେ ଓ ଦୂରସ୍ଥିତ ବଳବାନ୍ ଗୋଷ୍ଠୀୟମାନଙ୍କ ସମ୍ବନ୍ଧରେ ନିଷ୍ପତ୍ତି କରିବେ; ତହିଁରେ ସେମାନେ ଆପଣା ଆପଣା ଖଡ଼୍‍ଗ ଭାଙ୍ଗି ଲଙ୍ଗଳର ଫାଳ କରିବେ ଓ ଆପଣା ଆପଣା ବର୍ଚ୍ଛା ଭାଙ୍ଗି ଦା, ନିର୍ମାଣ କରିବେ; ଏକ ଦେଶୀୟ ଲୋକେ ଅନ୍ୟ ଦେଶୀୟ ଲୋକଙ୍କ ବିରୁଦ୍ଧରେ ଖଡ଼୍‍ଗ ଉଠାଇବେ ନାହିଁ, କିଅବା ସେମାନେ ଆଉ ଯୁଦ୍ଧ ଶିଖିବେ ନାହିଁ ।
\s5
\v 4 ମାତ୍ର ସେମାନେ ପ୍ରତ୍ୟେକେ ଆପଣା ଆପଣା ଦ୍ରାକ୍ଷାଲତା ଓ ଡିମିରି ବୃକ୍ଷ ତଳେ ବସିବେ ଓ କେହି ସେମାନଙ୍କୁ ଭୟ ଦେଖାଇବ ନାହିଁ; କାରଣ ସୈନ୍ୟାଧିପତି ସଦାପ୍ରଭୁଙ୍କର ମୁଖ ଏହା କହିଅଛି ।
\v 5 କାରଣ ଯାବତୀୟ ଗୋଷ୍ଠୀ ଆପଣା ଆପଣା ଦେବତାର ନାମରେ ଚାଲିବେ, ପୁଣି ଆମ୍ଭେମାନେ ଅନନ୍ତକାଳ ପର୍ଯ୍ୟନ୍ତ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ନାମରେ ଚାଲିବା ।
\s ସିୟୋନକୁ ସଦାପ୍ରଭୁଙ୍କ ସୁରକ୍ଷା
\p
\s5
\v 6 ସଦାପ୍ରଭୁ କହନ୍ତି, ସେହି ଦିନ ଆମ୍ଭେ ପଙ୍ଗୁକୁ ସଂଗ୍ରହ କରିବା, ପୁଣି ଯେ ତାଡ଼ିତ ହୋଇଅଛି ଓ ଯାହାକୁ ଆମ୍ଭେ କ୍ଳେଶ ଦେଇଅଛୁ, ତାହାକୁ ଏକତ୍ର କରିବା ।
\v 7 ପୁଣି, ଆମ୍ଭେ ପଙ୍ଗୁକୁ ଅବଶିଷ୍ଟାଂଶ କରି ରଖିବା ଓ ଯେ ଦୁରୀକୃତ ହୋଇଥିଲା, ତାହାକୁ ବଳବତୀ ଗୋଷ୍ଠୀ କରିବା ଆଉ, ସଦାପ୍ରଭୁ ଆଜିଠାରୁ ସଦାକାଳ ପର୍ଯ୍ୟନ୍ତ ସିୟୋନ ପର୍ବତରେ ସେମାନଙ୍କ ଉପରେ ରାଜତ୍ୱ କରିବେ ।
\v 8 ପୁଣି, ହେ ପଲର ଦୁର୍ଗ, ହେ ସିୟୋନ କନ୍ୟାର ଗିରି, ତାହା ତୁମ୍ଭ ନିକଟକୁ ଆସିବ, ହଁ ପୂର୍ବ କାଳର ରାଜ୍ୟ, ଯିରୂଶାଲମ କନ୍ୟାର ରାଜ୍ୟ ଆସିବ ।
\s5
\v 9 ଏବେ ତୁମ୍ଭେ କାହିଁକି ଘୋର ଚିତ୍କାର କରୁଅଛ ? ତୁମ୍ଭ ମଧ୍ୟରେ କି ରାଜା ନାହିଁ, ତୁମ୍ଭର ମନ୍ତ୍ରୀ ବିନଷ୍ଟ ହୋଇଅଛି ବୋଲି କି ସ୍ତ୍ରୀର ପ୍ରସବ ବେଦନା ତୂଲ୍ୟ ବେଦନା ତୁମ୍ଭକୁ ଆକ୍ରାନ୍ତ କରିଅଛି ?
\v 10 ହେ ସିୟୋନ କନ୍ୟେ, ତୁମ୍ଭେ ପ୍ରସବ ବେଦନାଗ୍ରସ୍ତା ସ୍ତ୍ରୀ ପରି ବ୍ୟଥିତା ହୋଇ ପ୍ରସବ କରିବାକୁ ଯତ୍ନ କର; କାରଣ ଏବେ ତୁମ୍ଭେ ନଗରରୁ ବାହାରି ଯାଇ ପଦାରେ ବାସ କରିବ ଓ ବାବିଲ ପର୍ଯ୍ୟନ୍ତ ହିଁ ଯିବ; ସେଠାରେ ତୁମ୍ଭେ ଉଦ୍ଧାର ପାଇବ; ସେଠାରେ ସଦାପ୍ରଭୁ ତୁମ୍ଭ ଶତ୍ରୁଗଣର ହସ୍ତରୁ ତୁମ୍ଭକୁ ମୁକ୍ତ କରିବେ ।
\s5
\v 11 ପୁଣି, ବର୍ତ୍ତମାନ ଅନେକ ଗୋଷ୍ଠୀ ତୁମ୍ଭ ବିରୁଦ୍ଧରେ ଏକତ୍ରିତ ହୋଇଅଛନ୍ତି, ସେମାନେ କହନ୍ତି, ସେ ଅଶୁଚି ହେଉ ଓ ଆମ୍ଭମାନଙ୍କର ଚକ୍ଷୁ ତହିଁର ଅଭିଳାଷ ସିୟୋନ ପ୍ରତି ସଫଳ ହେବାର ଦେଖୁ ।
\v 12 ମାତ୍ର ସେମାନେ ସଦାପ୍ରଭୁଙ୍କର ସଙ୍କଳ୍ପସବୁ ଜାଣନ୍ତି ନାହିଁ, ଅଥବା ତାହାଙ୍କର ମନ୍ତ୍ରଣା ବୁଝନ୍ତି ନାହିଁ; କାରଣ ସେ ସେମାନଙ୍କୁ ଶସ୍ୟ ବିଡ଼ା ପରି ଖଳାରେ ଏକତ୍ର କରିଅଛନ୍ତି ।
\s5
\v 13 ହେ ସିୟୋନ କନ୍ୟେ, ଉଠ, ଶସ୍ୟ ମର୍ଦ୍ଦନ କର; କାରଣ ଆମ୍ଭେ ତୁମ୍ଭର ଶୃଙ୍ଗ ଲୌହମୟ ଓ ତୁମ୍ଭର ଖୁରା ପିତ୍ତଳମୟ କରିବା; ତହିଁରେ ତୁମ୍ଭେ ଅନେକ ଗୋଷ୍ଠୀଙ୍କୁ ଚୂର୍ଣ୍ଣ କରିବ; ପୁଣି, ତୁମ୍ଭେ ସେମାନଙ୍କର ଲୁଟିତ ଦ୍ରବ୍ୟ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଓ ସେମାନଙ୍କର ସମ୍ପତ୍ତି ସମୁଦାୟ ଭୂମଣ୍ଡଳର ଅଧିପତିଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବ ।
\s5
\c 5
\p
\v 1 ହେ ସୈନ୍ୟଦଳର କନ୍ୟେ, ଏବେ ତୁମ୍ଭେ ଦଳ ଦଳ ହୋଇ ଆପଣାକୁ ଏକତ୍ର କର; ସେମାନେ ଆମ୍ଭମାନଙ୍କ ପ୍ରତିକୂଳରେ ସୈନ୍ୟ ବେଷ୍ଟନ କରିଅଛନ୍ତି; ସେମାନେ ଇସ୍ରାଏଲର ବିଚାରକର୍ତ୍ତାର ଗାଲରେ ଦଣ୍ଡାଘାତ କରିବେ ।
\s5
\v 2 ମାତ୍ର ହେ ବେଥଲିହିମ-ଉଫ୍ରାଥା, ଯିହୁଦାର ସହସ୍ରଗଣର ମଧ୍ୟରେ କ୍ଷୁଦ୍ର ଯେ ତୁମ୍ଭେ, ତୁମ୍ଭ ମଧ୍ୟରୁ ଇସ୍ରାଏଲର ଶାସନକର୍ତ୍ତା ହେବା ନିମନ୍ତେ ଆମ୍ଭ ଉଦ୍ଦେଶ୍ୟରେ ଏକ ବ୍ୟକ୍ତି ଉତ୍ପନ୍ନ ହେବେ; ପୁରାତନ କାଳରୁ, ଅନାଦି କାଳରୁ ତାହାଙ୍କର ଉତ୍ପତ୍ତି ହୋଇଅଛି ।
\v 3 ଏନିମନ୍ତେ ଯେଉଁ ସ୍ତ୍ରୀ ପ୍ରସବବେଦନାଗ୍ରସ୍ତା ହେଉଅଛି, ସେ ଯେପର୍ଯ୍ୟ ପ୍ରସବ ନ କରେ, ସେହି ସମୟ ପର୍ଯ୍ୟନ୍ତ ସେ ସେମାନଙ୍କୁ ତ୍ୟାଗ କରିବେ; ତହିଁ ଉତ୍ତାରେ ତାହାଙ୍କର ଅବଶିଷ୍ଟ ଭ୍ରାତୃଗଣ ଇସ୍ରାଏଲର ସନ୍ତାନଗଣର ନିକଟକୁ ଫେରି ଆସିବେ ।
\s5
\v 4 ପୁଣି, ସେ ଠିଆ ହୋଇ ସଦାପ୍ରଭୁଙ୍କ ଶକ୍ତିରେ, ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ନାମର ମହିମାରେ ଆପଣା ପଲ ଚରାଇବେ ଓ ସେମାନେ ସୁସ୍ଥିର ହୋଇ ବାସ କରିବେ; କାରଣ ସେହି ସମୟରେ ସେ ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ ମହାନ୍ ହେବେ ।
\v 5 ଆଉ, ଏହି ମନୁଷ୍ୟ ଆମ୍ଭମାନଙ୍କର ଶାନ୍ତିସ୍ୱରୂପ ହେବେ; ଯେଉଁ ସମୟରେ ଅଶୂରୀୟ ଗୋଷ୍ଠୀ ଆମ୍ଭମାନଙ୍କ ଦେଶକୁ ଆସିବେ ଓ ଆମ୍ଭମାନଙ୍କ ଅଟ୍ଟାଳିକାମାନରେ ପଦାର୍ପଣ କରିବ, ସେହି ସମୟରେ ଆମ୍ଭେମାନେ ତାହା ବିରୁଦ୍ଧରେ ସାତ ଜଣ ପଲରକ୍ଷକ ଓ ଆଠ ଜଣ ପ୍ରଧାନ ଲୋକଙ୍କୁ ଉତ୍‍ଥାପନ କରିବା ।
\s ଯାକୁବର ଅବଶିଷ୍ଟାଂଶଙ୍କ ଉଦ୍ଧାର
\p
\s5
\v 6 ପୁଣି, ସେମାନେ ଖଡ଼୍‍ଗ ଦ୍ୱାରା ଅଶୂରୀୟର ଦେଶ ଓ ନିମ୍ରୋଦ ଦେଶର ପ୍ରବେଶ-ସ୍ଥାନସକଳ ଉଚ୍ଛିନ୍ନ କରିବେ; ପୁଣି, ଅଶୂରୀୟ ଗୋଷ୍ଠୀ ଆମ୍ଭମାନଙ୍କ ଦେଶକୁ ଆସି ଆମ୍ଭମାନଙ୍କ ସୀମାରେ ପଦାର୍ପଣ କଲେ ସେ ସେମାନଙ୍କଠାରୁ ଆମ୍ଭମାନଙ୍କୁ ଉଦ୍ଧାର କରିବେ ।
\v 7 ଆଉ, ସଦାପ୍ରଭୁଙ୍କ ନିକଟରୁ ଆଗତ ଯେଉଁ ଶିଶିର ଓ ତୃଣ ଉପରେ ପତିତ ଯେଉଁ ବୃଷ୍ଟି ମନୁଷ୍ୟ ପାଇଁ ବିଳମ୍ବ ନ କରେ, କିଅବା ମନୁଷ୍ୟ-ସନ୍ତାନଗଣର ଅପେକ୍ଷା ନ କରେ, ତାହାର ତୂଲ୍ୟ ଯାକୁବର ଅବଶିଷ୍ଟାଂଶ ଅନେକ ଗୋଷ୍ଠୀ ମଧ୍ୟରେ ରହିବେ ।
\s5
\v 8 ପୁଣି, ବନ ପଶୁଗଣ ମଧ୍ୟରେ ଯେପରି ସିଂହ, ମେଷପଲ ମଧ୍ୟରେ ଯେପରି ଯୁବା ସିଂହ ଯାଇ ଦଳି ପକାଏ ଓ ବିଦୀର୍ଣ୍ଣ କରେ, ଆଉ ଉଦ୍ଧାରକାରୀ କେହି ନ ଥାଏ, ସେପରି ଗୋଷ୍ଠୀଗଣ ମଧ୍ୟରେ, ଅନେକ ଗୋଷ୍ଠୀ ମଧ୍ୟରେ ଯାକୁବର ଅବଶିଷ୍ଟାଂଶ ହେବେ ।
\v 9 ତୁମ୍ଭ ବିପକ୍ଷଗଣର ଉପରେ ତୁମ୍ଭର ହସ୍ତ ଉନ୍ନତ ହେଉ ଓ ତୁମ୍ଭର ଶତ୍ରୁ ସମସ୍ତେ ଉଚ୍ଛିନ୍ନ ହେଉନ୍ତୁ ।
\s5
\v 10 ଆହୁରି, ସଦାପ୍ରଭୁ କହନ୍ତି, ସେଦିନ ଆମ୍ଭେ ତୁମ୍ଭ ମଧ୍ୟରୁ ତୁମ୍ଭ ଅଶ୍ୱଗଣକୁ ଉଚ୍ଛିନ୍ନ କରିବା ଓ ତୁମ୍ଭର ରଥସବୁ ନଷ୍ଟ କରିବା;
\v 11 ପୁଣି, ଆମ୍ଭେ ତୁମ୍ଭ ଦେଶର ନଗରସବୁ ଉଚ୍ଛିନ୍ନ କରିବା ଓ ତୁମ୍ଭର ଦୃଢ଼ ଦୁର୍ଗସବୁ ଭାଙ୍ଗି ପକାଇବା;
\s5
\v 12 ପୁଣି, ଆମ୍ଭେ ତୁମ୍ଭ ହସ୍ତରୁ ମାୟାବୀତ୍ୱ ଉଚ୍ଛିନ୍ନ କରିବା ଓ ଗଣକମାନେ ତୁମ୍ଭ ମଧ୍ୟରେ ଆଉ ନ ଥିବେ;
\v 13 ଆଉ, ଆମ୍ଭେ ତୁମ୍ଭ ମଧ୍ୟରୁ ତୁମ୍ଭର ଖୋଦିତ ପ୍ରତିମା ଓ ତୁମ୍ଭର ସ୍ତମ୍ଭସକଳ ଉଚ୍ଛିନ୍ନ କରିବା; ତହିଁରେ ତୁମ୍ଭେ ଆପଣା ହସ୍ତକୃତ ବସ୍ତୁକୁ ଆଉ ପ୍ରଣାମ କରିବ ନାହିଁ ।
\v 14 ପୁଣି, ଆମ୍ଭେ ତୁମ୍ଭ ମଧ୍ୟରୁ ତୁମ୍ଭର ଆଶେରା ମୂର୍ତ୍ତିସକଳ ଉତ୍ପାଟନ କରିବା ଓ ତୁମ୍ଭର ନଗରସବୁ ବିନଷ୍ଟ କରିବା ।
\v 15 ଆଉ, ଯେଉଁ ଗୋଷ୍ଠୀମାନେ କଥାରେ ମନୋଯୋଗ କଲେ ନାହିଁ, ସେମାନଙ୍କଠାରୁ ଆମ୍ଭେ କୋପରେ ଓ ପ୍ରଚଣ୍ଡତାରେ ପରିଶୋଧ ନେବା ।
\s5
\c 6
\s ପରମେଶ୍ୱରଙ୍କ ଅଭିଯୋଗ
\p
\v 1 ସଦାପ୍ରଭୁ ଯାହା କହନ୍ତି, ତାହା ତୁମ୍ଭେମାନେ ଏବେ ଶୁଣ; ତୁମ୍ଭେ ଉଠ, ପର୍ବତଗଣର ସମ୍ମୁଖରେ ବିବାଦ କର ଓ ଉପପର୍ବତଗଣ ତୁମ୍ଭର ରବ ଶୁଣନ୍ତୁ ।
\v 2 ହେ ପର୍ବତଗଣ, ହେ ପୃଥିବୀର ଅଟଳ ଭିତ୍ତିମୂଳସକଳ, ତୁମ୍ଭେମାନେ ସଦାପ୍ରଭୁଙ୍କର ବିବାଦ ବାକ୍ୟ ଶୁଣ; କାରଣ ଆପଣା ଲୋକମାନଙ୍କ ସହିତ ସଦାପ୍ରଭୁଙ୍କର ବିବାଦ ଅଛି ଓ ସେ ଇସ୍ରାଏଲ ସହିତ ବାଦାନୁବାଦ କରିବେ ।
\s5
\v 3 ହେ ଆମ୍ଭର ଲୋକ, ତୁମ୍ଭ ପ୍ରତି ଆମ୍ଭେ କ'ଣ କରିଅଛୁ ? ଓ କାହିଁରେ ଆମ୍ଭେ ତୁମ୍ଭକୁ କ୍ଳାନ୍ତ କରିଅଛୁ ? ଆମ୍ଭ ବିରୁଦ୍ଧରେ ସାକ୍ଷ୍ୟ ଦିଅ ।
\v 4 ଆମ୍ଭେ ତ ମିସର ଦେଶରୁ ତୁମ୍ଭକୁ ବାହାର କରି ଆଣିଲୁ ଓ ଦାସଗୃହରୁ ତୁମ୍ଭକୁ ମୁକ୍ତ କଲୁ; ଆଉ, ତୁମ୍ଭର ଅଗ୍ରସର ହେବା ପାଇଁ ମୋଶା, ହାରୋଣ ଓ ମରୀୟମକୁ ପଠାଇଲୁ ।
\v 5 ହେ ଆମ୍ଭର ଲୋକେ, ମୋୟାବର ରାଜା ବାଲାକ୍‍ କି ମନ୍ତ୍ରଣା କରିଥିଲା ଓ ବୀୟୋରର ପୁତ୍ର ବିଲୀୟମ୍‍ ତାହାକୁ କି ଉତ୍ତର ଦେଇଥିଲା, ତାହା ଏବେ ସ୍ମରଣ କର; ଶିଟୀମଠାରୁ ଗିଲ୍‍ଗଲ୍‍ ପର୍ଯ୍ୟନ୍ତ ସ୍ମରଣ କର, ତହିଁରେ ତୁମ୍ଭେମାନେ ସଦାପ୍ରଭୁଙ୍କର ନ୍ୟାୟ କର୍ମସକଳ ଜ୍ଞାତ ହୋଇ ପାରିବ ।
\s ପରମେଶ୍ୱର କ'ଣ ଚାହାନ୍ତି ?
\p
\s5
\v 6 ଆମ୍ଭେ କଅଣ ଘେନି ସଦାପ୍ରଭୁଙ୍କ ସମ୍ମୁଖକୁ ଆସିବା ଓ ଉର୍ଦ୍ଧ୍ୱସ୍ଥ ପରମେଶ୍ୱରଙ୍କ ସମ୍ମୁଖରେ ପ୍ରଣାମ କରିବା ? ଆମ୍ଭେ କି ହୋମବଳି ରୂପେ ଏକ ବର୍ଷୀୟ ଗୋବତ୍ସମାନ ନେଇ ତାହାଙ୍କ ସମ୍ମୁଖକୁ ଆସିବା ?
\v 7 ସହସ୍ର ସହସ୍ର ମେଷରେ ଅବା ଅୟୁତ ଅୟୁତ ତୈଳର ନଦୀରେ ସଦାପ୍ରଭୁ କି ପ୍ରସନ୍ନ ହେବେ ? ଆମ୍ଭେ ଆପଣା ଆଜ୍ଞାଲଙ୍ଘନ ସକାଶେ କି ଆପଣା ପ୍ରଥମଜାତକୁ, ଆମ୍ଭ ପ୍ରାଣର ପାପ ସକାଶେ କି ଆପଣା ଶରୀରର ଫଳ ଦାନ କରିବା ?
\v 8 ହେ ମନୁଷ୍ୟ, ଯାହା ଉତ୍ତମ, ତାହା ସେ ତୁମ୍ଭକୁ ଜଣାଇଅଛନ୍ତି; ନ୍ୟାୟାଚରଣ, ଦୟା ଭଲ ପାଇବା ଓ ନମ୍ର ଭାବରେ ତୁମ୍ଭ ପରମେଶ୍ୱରଙ୍କ ସହିତ ଗମନାଗମନ କରିବାର, ଏହାଛଡ଼ା ସଦାପ୍ରଭୁ ତୁମ୍ଭଠାରୁ ଆଉ କଅଣ ଚାହାନ୍ତି ?
\s ଦୁଷ୍ଟର ବିନାଶ
\p
\s5
\v 9 ସଦାପ୍ରଭୁ ଏହି ନଗର ପ୍ରତି ଘୋଷଣା କରୁଅଛି ଓ ଜ୍ଞାନବାନ ମନୁଷ୍ୟ ତୁମ୍ଭର ନାମ ଦେଖିବ । ତୁମ୍ଭେମାନେ ଦଣ୍ଡ ଓ ତନ୍ନିରୂପଣକାରୀଙ୍କୁ ମାନ ।
\v 10 ଦୁଷ୍ଟର ଗୃହରେ କି ଏବେ ହେଁ ଦୁଷ୍ଟତାର ଭଣ୍ଡାର ଓ ଘୃଣାଯୋଗ୍ୟ ସାନ ଐଫା ଅଛି ?
\s5
\v 11 ଆମ୍ଭେ କି ଦୁଷ୍ଟତାର ନିକ୍ତିରେ ଓ ଛଳନାରୂପ ବଟଖରାର ଥଳୀରେ ନିର୍ଦ୍ଦୋଷ ହେବା ।
\v 12 ସେହି ସ୍ଥାନର ଧନୀ ଲୋକମାନେ ଦୌରାତ୍ମ୍ୟରେ ପରିପୂର୍ଣ୍ଣ ଅଛନ୍ତି ଓ ତହିଁର ନିବାସୀଗଣ ମିଥ୍ୟା କହିଅଛନ୍ତି, ପୁଣି ସେମାନଙ୍କ ମୁଖ ମଧ୍ୟରେ ସେମାନଙ୍କ ଜିହ୍ୱା ପ୍ରବଞ୍ଚକ ।
\s5
\v 13 ଏଥିପାଇଁ ଆମ୍ଭେ ମଧ୍ୟ ବେଦନାଯୁକ୍ତ କ୍ଷତରେ ତୁମ୍ଭକୁ ପ୍ରହାର କରିଅଛୁ; ଆମ୍ଭେ ତୁମ୍ଭର ସମସ୍ତ ପାପ ସକାଶୁ ତୁମ୍ଭକୁ ଉଚ୍ଛିନ୍ନ କରିଅଛୁ ।
\v 14 ତୁମ୍ଭେ ଭୋଜନ କରିବ ମାତ୍ର ତୃପ୍ତ ନୋହିବ ଓ ତୁମ୍ଭ ମଧ୍ୟରେ ତୁମ୍ଭର କ୍ଷୀଣତା ରହିବ; ତୁମ୍ଭେ ସ୍ଥାନାନ୍ତର କରିବ, ମାତ୍ର ନିରାପଦରେ ବୋହି ନେଇ ପାରିବ ନାହିଁ ଓ ଯାହା ତୁମ୍ଭେ ବହି ନେବ, ତାହା ଆମ୍ଭେ ଖଡ଼୍‍ଗକୁ ଦେବା ।
\v 15 ତୁମ୍ଭେ ବୁଣିବ, ମାତ୍ର କାଟିବ ନାହିଁ; ତୁମ୍ଭେ ଜୀତ ଫଳ ପେଷିବ, ମାତ୍ର ଆପଣା ଦେହରେ ତୈଳ ମର୍ଦ୍ଦନ କରିବ ନାହିଁ; ଦ୍ରାକ୍ଷାଫଳ ପେଷିବ, ମାତ୍ର ଦ୍ରାକ୍ଷାରସ ପାନ କରିବ ନାହିଁ ।
\s5
\v 16 କାରଣ ଅମ୍ରିର ବିଧି ଓ ଆହାବ-ବଂଶର କ୍ରିୟାସକଳ ପାଳନ କରାଯାଉଅଛି ଓ ତୁମ୍ଭେମାନେ ସେମାନଙ୍କ ପରାମର୍ଶରେ ଚାଲୁଅଛ; ତହିଁ ସକାଶୁ ଆମ୍ଭେ ତୁମ୍ଭକୁ ଉତ୍ସନ୍ନ (ସ୍ଥାନ) କରିବା ଓ ତହିଁର ନିବାସୀମାନଙ୍କୁ ଶୀସ୍‍ ଶବ୍ଦର ବିଷୟ କରିବା; ଆଉ ତୁମ୍ଭେମାନେ ଆମ୍ଭ ଲୋକମାନଙ୍କର ଅପମାନର ଭାର ବହିବ ।
\s5
\c 7
\s ପରିତ୍ରାଣର ପରମେଶ୍ୱରଙ୍କ ପ୍ରତୀକ୍ଷା
\p
\v 1 ହାୟ, ମୁଁ ସନ୍ତାପର ପାତ୍ର ! କାରଣ ଗ୍ରୀଷ୍ମକାଳୀନ ଫଳ ତୋଳିଲା ଉତ୍ତାରେ ଦ୍ରାକ୍ଷାଫଳ ସଂଗ୍ରହ କରିବାର ଯେପରି, ମୁଁ ସେହିପରି ହୋଇଅଛି; ଭୋଜନର ପାଇଁ ଗୋଟିଏ ଦ୍ରାକ୍ଷାପେଣ୍ଡା ନାହିଁ; ମୋର ପ୍ରାଣ ପ୍ରଥମ ପକ୍ୱ ଡିମିରି ଫଳ ଲାଳସା କରେ ।
\v 2 ଧାର୍ମିକ ଲୋକ ପୃଥିବୀରୁ ଉଚ୍ଛିନ୍ନ ହୋଇଅଛି ଓ ମନୁଷ୍ୟମାନଙ୍କ ମଧ୍ୟରେ ସରଳ ଲୋକ କେହି ନାହିଁ; ସେମାନେ ସମସ୍ତେ ରକ୍ତପାତ କରିବାକୁ ଛକି ବସନ୍ତି; ପ୍ରତ୍ୟେକ ଲୋକ ଆପଣା ଆପଣା ଭ୍ରାତାକୁ ଜାଲରେ ଧରିବାକୁ ଚେଷ୍ଟା କରଇ ।
\s5
\v 3 ଯାହା ମନ୍ଦ, ତାହା ଯତ୍ନପୂର୍ବକ କରିବା ପାଇଁ ତହିଁ ଉପରେ ସେମାନଙ୍କର ହସ୍ତ ଅଛି; ଅଧିପତି ଚାହେଁ ଓ ବିଚାରକର୍ତ୍ତା ପୁରସ୍କାର ପାଇଁ ପ୍ରସ୍ତୁତ ଆଉ, ବଡ଼ ଲୋକ ଆପଣା ପ୍ରାଣର ହିଂସାଭାବ ମୁଖରେ ବ୍ୟକ୍ତ କରେ; ଏହିରୂପେ ସେମାନେ ବସ୍ତ୍ର ତୁଲ୍ୟ ତାହା ଏକତ୍ର ବୁଣନ୍ତି ।
\v 4 ସେମାନଙ୍କ ମଧ୍ୟରେ ସବୁଠାରୁ ଉତ୍ତମ ଲୋକ କାନକୋଳି ବୃକ୍ଷ ତୁଲ୍ୟ; ସବୁଠାରୁ ସରଳ ଲୋକ କଣ୍ଟାବାଡ଼ ଅପେକ୍ଷା ମନ୍ଦ; ତୁମ୍ଭ ପ୍ରହରୀଗଣର ଦିନ ଓ ତୁମ୍ଭର ଦଣ୍ଡ ଉପସ୍ଥିତ; ଏବେ ସେମାନଙ୍କର ବ୍ୟାକୁଳତା ଜନ୍ମିବ ।
\s5
\v 5 ତୁମ୍ଭେମାନେ ମିତ୍ରଠାରେ ବିଶ୍ୱାସ କର ନାହିଁ ଓ ପଥର ପ୍ରଦର୍ଶକଠାରେ ବିଶ୍ୱାସ କର ନାହିଁ; ତୁମ୍ଭ ବକ୍ଷଃସ୍ଥଳରେ ଶୟନକାରିଣୀଠାରୁ ଆପଣା ମୁଖର ଦ୍ୱାର ରକ୍ଷା କର ।
\v 6 କାରଣ ପୁତ୍ର ପିତାକୁ ଅମାନ୍ୟ କରେ, କନ୍ୟା ଆପଣା ମାତାର ବିରୁଦ୍ଧରେ, ପୁତ୍ରବଧୂ ଆପଣା ଶାଶୁର ବିରୁଦ୍ଧରେ ଉଠେ; ଆପଣା ପରିବାରର ଲୋକେ ମନୁଷ୍ୟର ଶତ୍ରୁ ହୁଅନ୍ତି ।
\s5
\v 7 ମାତ୍ର ମୁଁ ସଦାପ୍ରଭୁଙ୍କ ପ୍ରତି ଦୃଷ୍ଟି ରଖିବି; ମୋ' ପରିତ୍ରାଣର ପରମେଶ୍ୱରଙ୍କ ପାଇଁ ମୁଁ ଅପେକ୍ଷା କରିବି; ମୋ' ପରମେଶ୍ୱର ମୋର କଥା ଶୁଣିବେ ।
\v 8 ହେ ମୋର ଶତ୍ରୁ, ମୋର ପ୍ରତିକୂଳରେ ଆନନ୍ଦ କର ନାହିଁ; ମୁଁ ପଡ଼ିଲେ ଉଠିବି; ମୁଁ ଅନ୍ଧକାରରେ ବସିଲେ ସଦାପ୍ରଭୁ ମୋର ଦୀପ୍ତିସ୍ୱରୂପ ହେବେ ।
\s5
\v 9 ମୁଁ ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ କରିଅଛି, ଏଥିପାଇଁ ଯେପର୍ଯ୍ୟନ୍ତ ସେ ମୋ' ବିବାଦର ସପକ୍ଷବାଦୀ ହୋଇ ମୋର ବିଚାର ନିଷ୍ପତ୍ତି ନ କରନ୍ତି, ସେପର୍ଯ୍ୟନ୍ତ ମୁଁ ତାହାଙ୍କ କ୍ରୋଧରୂପ ଭାର ବହନ କରିବି; ସେ ମୋତେ ବାହାର କରି ଆଲୁଅକୁ ଆଣିବେ ଓ ମୁଁ ତାହାଙ୍କର ଧାର୍ମିକତା ଦେଖିବି ।
\s5
\v 10 ସେତେବେଳେ, ସଦାପ୍ରଭୁ ତୁମ୍ଭ ପରମେଶ୍ୱର କାହାନ୍ତି ବୋଲି ଯେ ମୋତେ କହିଥିଲା, ମୋର ସେହି ଶତ୍ରୁ ତାହା ଦେଖିବ ଓ ଲଜ୍ଜା ତାହାକୁ ଆଚ୍ଛନ୍ନ କରିବ; ମୋର ଚକ୍ଷୁ ତାହାକୁ ଦେଖିବ; ଏବେ ସେ ପଥର କାଦୁଅ ପରି ଦଳିତ ହେବ ।
\s5
\v 11 ତୁମ୍ଭ ବେଢ଼ାର ନିର୍ମାଣ ଦିନ ଉପସ୍ଥିତ ! ସେହି ଦିନ ବିଧାନ ଦୂରକୁ ଅନ୍ତରିତ ହେବ ।
\v 12 ସେଦିନ ତୁମ୍ଭ ନିକଟକୁ ଲୋକମାନେ ଆସିବେ, ଅଶୂରରୁ ଓ ମିସରର ନଗରସମୂହରୁ ଓ ମିସରଠାରୁ ନଦୀ ପର୍ଯ୍ୟନ୍ତ ଓ ଏକ ସମୁଦ୍ରଠାରୁ ଅନ୍ୟ ସମୁଦ୍ର ପର୍ଯ୍ୟନ୍ତ ଓ ଯାବତୀୟ ପର୍ବତରୁ ଆସିବେ ।
\v 13 ତଥାପି ନିବାସୀଗଣର ସକାଶୁ ସେମାନଙ୍କ କ୍ରିୟାର ଫଳ ସ୍ୱରୂପେ ଦେଶ ଧ୍ୱଂସସ୍ଥାନ ହେବ ।
\s5
\v 14 ତୁମ୍ଭେ ଆପଣା ପାଞ୍ଚଣ ନେଇ ଆପଣା ଲୋକମାନଙ୍କୁ, ଅର୍ଥାତ୍‍, ଏକାକୀ ବାସକାରୀ ଆପଣା ପୈତୃକାଧିକାର ସ୍ୱରୂପ ପଲକୁ, କର୍ମିଲର ମଧ୍ୟସ୍ଥିତ ଅରଣ୍ୟରେ ଚରାଅ; ସେମାନେ ପୂର୍ବ କାଳର ନ୍ୟାୟ ବାଶନରେ ଓ ଗିଲୀୟଦରେ ଚରନ୍ତୁ ।
\v 15 ମିସର ଦେଶରୁ ତୁମ୍ଭର ବାହାର ହୋଇ ଆସିବା ଦିନର ନ୍ୟାୟ ଆମ୍ଭେ ତାହାକୁ ଆଶ୍ଚର୍ଯ୍ୟ ବିଷୟମାନ ଦେଖାଇବା ।
\s5
\v 16 ଗୋଷ୍ଠୀୟ ବର୍ଗ ତାହା ଦେଖି ଆପଣାମାନଙ୍କର ସମସ୍ତ ପରାକ୍ରମ ବିଷୟରେ ଲଜ୍ଜିତ ହେବେ; ସେମାନେ ଆପଣା ଆପଣା ମୁଖରେ ହସ୍ତ ଦେବେ, ସେମାନଙ୍କର କର୍ଣ୍ଣ ବଧିର ହେବ ।
\v 17 ସେମାନେ ସର୍ପ ପରି ଧୂଳି ଚାଟିବେ; ସେମାନେ କମ୍ପି କମ୍ପି ଭୂମିସ୍ଥ ଉରୋଗାମୀ ଜନ୍ତୁଗଣର ନ୍ୟାୟ ଆପଣା ଆପଣା ଗୋପନୀୟ ସ୍ଥାନରୁ ବାହାର ହୋଇ ଆସିବେ; ସେମାନେ ଭୟଯୁକ୍ତ ହୋଇ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ନିକଟକୁ ଆସିବେ ଓ ତୁମ୍ଭ ସକାଶୁ ଭୀତ ହେବେ ।
\s ପରମେଶ୍ୱରଙ୍କ ପ୍ରେମ ଓ କରୁଣା
\p
\s5
\v 18 ତୁମ୍ଭ ତୁଲ୍ୟ ପରମେଶ୍ୱର କିଏ ? ତୁମ୍ଭେ ଅଧର୍ମ କ୍ଷମା କରିଥାଅ ଓ ଆପଣା ଅଧିକାରର ଅବଶିଷ୍ଟାଂଶ ଲୋକଙ୍କର ଆଜ୍ଞାଲଙ୍ଘନର ପ୍ରତି ଉପେକ୍ଷା କରିଥାଅ; ସେ ଚିରକାଳ ଆପଣା କ୍ରୋଧ ରଖନ୍ତି ନାହିଁ, କାରଣ ସେ ଦୟାରେ ସନ୍ତୁଷ୍ଟ ଥାଆନ୍ତି ।
\s5
\v 19 ସେ ପୁନର୍ବାର ଫେରି ଆମ୍ଭମାନଙ୍କ ପ୍ରତି କୃପା କରିବେ; ସେ ଆମ୍ଭମାନଙ୍କର ଅଧର୍ମସକଳ ପଦ ତଳେ ଦଳିବେ; ଆଉ, ତୁମ୍ଭେ ସେମାନଙ୍କର ଯାବତୀୟ ପାପ ସମୁଦ୍ରର ଆଗାଧ ଜଳରେ ନିକ୍ଷେପ କରିବ ।
\v 20 ତୁମ୍ଭେ ପୂର୍ବକାଳଠାରୁ ଆମ୍ଭମାନଙ୍କର ପିତୃପୁରୁଷଗଣ ପ୍ରତି ଯାହା ଶପଥ କରିଅଛ, ଯାକୁବ ପ୍ରତି ସେହି ସତ୍ୟ ଓ ଅବ୍ରହାମ ପ୍ରତି ସେହି ଦୟା ପାଳନ କରିବ ।

95
34-NAM.usfm Normal file
View File

@ -0,0 +1,95 @@
\id NAM
\ide UTF-8
\sts - Odia Old Version Revision
\rem Copyright Information: Creative Commons Attribution-ShareAlike 4.0 License
\h ନାହୂମ
\toc1 ନାହୂମ ଭବିଷ୍ୟଦ୍‍ବକ୍ତାଙ୍କ ପୁସ୍ତକ
\toc2 ନାହୂମ
\toc3 nam
\mt1 ନାହୂମ ଭବିଷ୍ୟଦ୍‍ବକ୍ତାଙ୍କ ପୁସ୍ତକ
\s5
\c 1
\p
\v 1 ନୀନିବୀ ବିଷୟକ ଭାରୋକ୍ତି । ଇଲକୋଶୀୟ ନାହୂମଙ୍କର ଦର୍ଶନ ପୁସ୍ତକ ।
\s ନୀନିବୀ ପ୍ରତି ପରମେଶ୍ୱରଙ୍କ କ୍ରୋଧ
\p
\s5
\v 2 ସଦାପ୍ରଭୁ (ସ୍ୱଗୌରବ ରକ୍ଷଣେ) ଉଦ୍‍ଯୋଗୀ ପରମେଶ୍ୱର ଓ ପ୍ରତିଫଳଦାତା ଅଟନ୍ତି; ସଦାପ୍ରଭୁ ପ୍ରତିଫଳଦାତା ଓ କ୍ରୋଧପୂର୍ଣ୍ଣ ଅଟନ୍ତି; ସଦାପ୍ରଭୁ ଆପଣା ବିପକ୍ଷଗଣକୁ ପ୍ରତିଫଳ ଦିଅନ୍ତି ଓ ଆପଣା ଶତ୍ରୁଗଣ ନିମନ୍ତେ କୋପ ସଞ୍ଚୟ କରନ୍ତି ।
\v 3 ସଦାପ୍ରଭୁ କ୍ରୋଧରେ ଧୀର ଓ ପରାକ୍ରମରେ ମହାନ୍ ଓ କୌଣସି ପ୍ରକାରେ ଦୋଷୀକୁ ନିର୍ଦ୍ଦୋଷ କରିବେ ନାହିଁ; ଘୂର୍ଣ୍ଣିବାୟୁ ଓ ତୋଫାନ ମଧ୍ୟରେ ସଦାପ୍ରଭୁଙ୍କର ପଥ ଅଛି ଓ ମେଘମାଳ ତାହାଙ୍କର ପାଦଧୂଳି ।
\s5
\v 4 ସେ ସମୁଦ୍ରକୁ ଧମକାଇ ଶୁଷ୍କ କରନ୍ତି ଓ ନଦନଦୀସକଳ ନିର୍ଜଳ କରନ୍ତି; ବାଶନ୍‍ ଓ କର୍ମିଲ ମ୍ଳାନ ହୁଏ ଓ ଲିବାନୋନର ପୁଷ୍ପ ମ୍ଳାନ ହୁଏ ।
\v 5 ତାହାଙ୍କ ଆଗରେ ପର୍ବତଗଣ କମ୍ପିତ ହୁଅନ୍ତି ଓ ଉପପର୍ବତସବୁ ତରଳି ଯା'ନ୍ତି; ଆଉ, ତାହାଙ୍କ ସାକ୍ଷାତରେ ପୃଥିବୀ କମ୍ପିତ ହୁଏ, ହଁ ଜଗତ ଓ ତନ୍ନିବାସୀ ସମସ୍ତେ କମ୍ପିତ ହୁଅନ୍ତି ।
\s5
\v 6 ତାହାଙ୍କ କ୍ରୋଧ ସମ୍ମୁଖରେ କିଏ ଠିଆ ହୋଇପାରେ ? ଓ ତାହାଙ୍କ କ୍ରୋଧର ପ୍ରଚଣ୍ଡତାରେ କିଏ ରହିପାରେ ? ତାହାଙ୍କ କୋପ ଅଗ୍ନି ତୁଲ୍ୟ ଢଳାଯାଏ ଓ ତାହାଙ୍କ ଦ୍ୱାରା ଶୈଳସବୁ ବିଦୀର୍ଣ୍ଣ ହୁଏ ।
\s5
\v 7 ସଦାପ୍ରଭୁ ମଙ୍ଗଳମୟ ଓ ସଙ୍କଟ ଦିନରେ ଦୃଢ଼ ଦୁର୍ଗ ଅଟନ୍ତି; ଆଉ, ଯେଉଁମାନେ ତାହାଙ୍କଠାରେ ନିର୍ଭର କରନ୍ତି; ସେମାନଙ୍କୁ ସେ ଜାଣନ୍ତି ।
\v 8 ମାତ୍ର ସେ ପ୍ଳାବନକାରୀ ବନ୍ୟା ଦ୍ୱାରା ସେହି ସ୍ଥାନ ନିଃଶେଷ ରୂପେ ସଂହାର କରିବେ ଓ ଆପଣା ଶତ୍ରୁଗଣକୁ ଅନ୍ଧକାରକୁ ତଡ଼ି ଦେବେ ।
\s5
\v 9 ତୁମ୍ଭେମାନେ ସଦାପ୍ରଭୁଙ୍କ ପ୍ରତିକୂଳରେ କି କଳ୍ପନା କରୁଅଛ ? ସେ ନିଃଶେଷ ରୂପେ ସଂହାର କରିବେ; ଦ୍ୱିତୀୟ ଥର କ୍ଳେଶ ଉପସ୍ଥିତ ହେବ ନାହିଁ ।
\v 10 କାରଣ ସେମାନେ ଜଡ଼ିତ କଣ୍ଟକର ନ୍ୟାୟ ଓ ମଦ୍ୟପାନରେ ତିନ୍ତିବା ପରି ହେଲେ ହେଁ ଶୁଷ୍କ ନଡ଼ା ତୁଲ୍ୟ ନିଃଶେଷ ରୂପେ ଗ୍ରାସିତ ହେବେ ।
\v 11 ସଦାପ୍ରଭୁଙ୍କ ବିରୁଦ୍ଧରେ ଯେ କୁସଂକଳ୍ପ କରେ, ଯେ ଦୁଷ୍କ୍ରିୟା କରିବାକୁ ପରାମର୍ଶ ଦିଏ, ଏପରି ଏକ ଜଣ ତୁମ୍ଭ ମଧ୍ୟରୁ ବାହାର ହୋଇ ଯାଇଅଛି ।
\s5
\v 12 ସଦାପ୍ରଭୁ ଏହି କଥା କହନ୍ତି; ସେମାନେ ସମ୍ପୂର୍ଣ୍ଣ ଶକ୍ତିବିଶିଷ୍ଟ ଓ ବହୁସଂଖ୍ୟକ ହେଲେ ହେଁ ସେହିପରି କଟାଯିବେ ଓ ସେମାନେ ବୋହି ଚାଲିଯିବେ । ଯଦ୍ୟପି ଆମ୍ଭେ ତୁମ୍ଭକୁ କ୍ଳେଶ ଦେଇଅଛୁ, ତଥାପି ଆମ୍ଭେ ତୁମ୍ଭକୁ ଆଉ କ୍ଳେଶ ଦେବା ନାହିଁ ।
\v 13 ପୁଣି, ଏବେ ଆମ୍ଭେ ତୁମ୍ଭ ସ୍କନ୍ଧରୁ ତାହାର ଯୁଆଳି ଭାଙ୍ଗି ପକାଇବା ଓ ତୁମ୍ଭର ବନ୍ଧନସବୁ ଛିଣ୍ଡାଇ ଦେବା ।
\s5
\v 14 ପୁଣି, ସଦାପ୍ରଭୁ ତୁମ୍ଭ ବିଷୟରେ ଏହି ଆଜ୍ଞା କରିଅଛନ୍ତି ଯେ, ତୁମ୍ଭ ନାମରୂପ ବୀଜ ଆଉ ବୁଣା ନୋହିବ; ତୁମ୍ଭ ଦେବାଳୟରେ ଆମ୍ଭେ ଖୋଦିତ ପ୍ରତିମା ଓ ଛାଞ୍ଚରେ ଢଳା ପ୍ରତିମା ଉଚ୍ଛିନ୍ନ କରିବା; ଆମ୍ଭେ ତୁମ୍ଭର କବର ପ୍ରସ୍ତୁତ କରିବା; କାରଣ ତୁମ୍ଭେ ପାପାଧମ ଅଟ ।
\s5
\v 15 ଯେ ସୁସମାଚାର ଆଣେ ଓ ଶାନ୍ତି ପ୍ରଚାର କରେ, ପର୍ବତଗଣର ଉପରେ ତାହାର ଚରଣ ଦେଖ ! ହେ ଯିହୁଦା, ତୁମ୍ଭେ ଆପଣା ଉତ୍ସବସକଳ ପାଳନ କର ଓ ଆପଣା ମାନତସବୁ ପୂର୍ଣ୍ଣ କର; କାରଣ ସେହି ଶତ୍ରୁଗଣ ତୁମ୍ଭ ମଧ୍ୟରେ ଆଉ ଗତାୟାତ କରିବେ ନାହିଁ; ଯେହେତୁ ସେମାନେ ସମ୍ପୂର୍ଣ୍ଣ ରୂପେ ଉଚ୍ଛିନ୍ନ ହୋଇଅଛନ୍ତି ।
\s5
\c 2
\s ନୀନିବୀର ପତନ
\p
\v 1 ଯେଉଁ ଲୋକ କଚାଡ଼ି ଖଣ୍ଡ ଖଣ୍ଡ କରେ, ସେ ତୁମ୍ଭ (ନୀନିବୀ) ସମ୍ମୁଖରେ ଉପସ୍ଥିତ ହୋଇଅଛି; ଦୁର୍ଗ ରକ୍ଷା କର, ପଥ ନିରୀକ୍ଷଣ କର, ଆପଣା କଟି ଦୃଢ଼ କର, ଆପଣାକୁ ଅତିଶୟ ବଳବାନ୍ କର ।
\v 2 କାରଣ ସଦାପ୍ରଭୁ ଇସ୍ରାଏଲର ଗୌରବ ସଦୃଶ୍ୟ ଯାକୁବର ଗୌରବ ପୁନର୍ବାର ଆଣୁଅଛନ୍ତି; ଯେହେତୁ ଶତ୍ରୁମାନେ ସେମାନଙ୍କୁ ଧ୍ୱଂସ କରିଅଛନ୍ତି; ଓ ସେମାନଙ୍କର ଦ୍ରାକ୍ଷାଲତାସବୁ ନଷ୍ଟ କରିଅଛନ୍ତି ।
\s5
\v 3 ତାହାର ବୀରଗଣର ଢାଲ ରକ୍ତୀକୃତ, ବିକ୍ରମୀଗଣ ସିନ୍ଦୂର ବର୍ଣ୍ଣ ବସ୍ତ୍ର ପରିହିତ; ତାହାର ଆୟୋଜନ ଦିନରେ ରଥସକଳ ଲୌହରେ ଚକ୍‍ଚକ୍‍ ଓ ବର୍ଚ୍ଛାସକଳ ଭୟାନକ ରୂପେ ଚାଳିତ ହୁଅଇ ।
\v 4 ରାଜଦାଣ୍ଡସକଳରେ ରଥସବୁ ବ୍ୟଗ୍ରରେ ଗମନାଗମନ କରେ, ପ୍ରଶସ୍ତ ଛକମାନରେ ସେହିସବୁର ଧକ୍କା ଏକଆରେକର ଉପରେ ଲାଗେ; ସେସବୁର ଦୃଶ୍ୟ ମଶାଲ ତୁଲ୍ୟ, ସେମାନେ ବିଜୁଳି ପରି ଦୌଡ଼ନ୍ତି ।
\s5
\v 5 ସେ ଆପଣା ପ୍ରତାପାନ୍ୱିତ ଲୋକମାନଙ୍କୁ ସ୍ମରଣ କରେ; ସେମାନେ ଗମନ କରୁ କରୁ ଝୁଣ୍ଟି ପଡ଼ନ୍ତି; ସେମାନେ ତହିଁର ପ୍ରାଚୀର ଆଡ଼କୁ ଦୌଡ଼ାଦୌଡ଼ି କରନ୍ତି ଓ ଅବରୋଧ ଯନ୍ତ୍ର ସ୍ଥାପିତ ହୋଇଅଛି ।
\s5
\v 6 ନଦୀର ଦ୍ୱାରସବୁ ମୁକ୍ତ ହୋଇଅଛି ଓ ରାଜଗୃହ ମିଳେଇ ଯାଇଅଛି ।
\v 7 ପୁଣି, ରାଣୀ ବିବସ୍ତ୍ରା ହୋଇଅଛି, ସେ ଦୂରକୁ ନୀତା ହୋଇଅଛି, ତାହାର ଦାସୀଗଣ ବକ୍ଷରେ ହାତ ମାରି କପୋତ ସ୍ୱର ପରି ଶୋକ କରୁଅଛନ୍ତି ।
\s5
\v 8 ମାତ୍ର ନୀନିବୀ ପୂର୍ବ କାଳଠାରୁ ଜଳବିଶିଷ୍ଟ ଏକ ପୁଷ୍କରିଣୀ ସ୍ୱରୂପା ହୋଇଅଛି; ତଥାପି ସେମାନେ ସମସ୍ତେ ପଳାୟନ କରନ୍ତି; ଠିଆ ହୁଅ, ଠିଆ ହୁଅ କହିଲେ ମଧ୍ୟ କେହି ପଛକୁ ଅନାନ୍ତି ନାହିଁ ।
\v 9 ତୁମ୍ଭେମାନେ ରୂପା ଲୁଣ୍ଠନ କର, ସୁନା ଲୁଣ୍ଠନ କର, କାରଣ ସବୁ ପ୍ରକାର ମନୋହର ସାମଗ୍ରୀର ଐଶ୍ୱର୍ଯ୍ୟ ସ୍ୱରୂପ ଭଣ୍ଡାରର ସୀମା ନାହିଁ ।
\v 10 ସେ (ନିନିବୀ) ଖାଲି ଓ ଶୂନ୍ୟ ଓ ଉଜାଡ଼ ହୋଇଅଛି; ଅନ୍ତଃକରଣ ତରଳି ଯାଉଅଛି ଓ ଆଣ୍ଠୁରେ ଆଣ୍ଠୁ ବାଜୁଅଛି, ସମସ୍ତ କଟିରେ ବେଦନା ଅଛି ଓ ସେହି ସମସ୍ତଙ୍କର ମୁଖ ମଳିନ ହୋଇଅଛି ।
\s5
\v 11 ସିଂହମାନଙ୍କର ଗର୍ତ୍ତ, ଯେଉଁ ସ୍ଥାନରେ ସିଂହ ଓ ସିଂହୀ ଓ ସିଂହଶାବକ ଭ୍ରମଣ କଲେ ଓ କେହି ସେମାନଙ୍କୁ ଭୟ ଦେଖାଇଲା ନାହିଁ, ଏପରି ଯୁବା ସିଂହଗଣର ଖାଇବା ସ୍ଥାନ କାହିଁ ?
\v 12 ସିଂହ ଆପଣା ଶାବକଗଣ ନିମନ୍ତେ ଯଥେଷ୍ଟ ପଶୁ ବିଦୀର୍ଣ୍ଣ କରିଅଛି ଓ ଆପଣା ସିଂହୀଗଣ ନିମନ୍ତେ ଅନେକର ଗଳା ଚିପି ମାରିଅଛି, ଆଉ ଆପଣା ଗହ୍ୱର ମୃଗୟାରେ ଓ ଗର୍ତ୍ତ ବିଦୀର୍ଣ୍ଣ ପଶୁରେ ପୂର୍ଣ୍ଣ କରିଅଛି ।
\s5
\v 13 ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ ତୁମ୍ଭର ପ୍ରତିକୂଳ ଅଟୁ, ଆମ୍ଭେ ତାହାର ରଥସବୁ ଦଗ୍ଧ କରି ଧୂଆଁରେ ଲୀନ କରିବା ଓ ଖଡ଼୍ଗ ତୁମ୍ଭର ଯୁବାସିଂହଗଣକୁ ଗ୍ରାସ କରିବ; ପୁଣି, ଆମ୍ଭେ ପୃଥିବୀରୁ ତୁମ୍ଭର ମୃଗୟା ଉଚ୍ଛିନ୍ନ କରିବା ଓ ତୁମ୍ଭ ଦୂତଗଣର ରବ ଆଉ ଶୁଣାଯିବ ନାହିଁ ।
\s5
\c 3
\s ନୀନିବୀ ସନ୍ତାପର ପାତ୍ର
\p
\v 1 ସେହି ରକ୍ତପାତୀ ନଗର ସନ୍ତାପର ପାତ୍ର ! ତାହା ମିଥ୍ୟା ଓ ଦୌରାତ୍ମ୍ୟରେ ପରିପୂର୍ଣ୍ଣ, ସେ ଲୁଣ୍ଠନ କରିବା ଛାଡେ ନାହିଁ ।
\v 2 କୋରଡ଼ାର ଶବ୍ଦ, ଚକ୍ରସମୂହର ଘର ଘର ଶବ୍ଦ; ନାଚିବା ଅଶ୍ୱଗଣ ଓ କୁଦିବା ରଥ;
\s5
\v 3 ଅଶ୍ୱାରୋହୀ ଆରୋହଣ କରିବାର, ଆଉ ଚକ୍‍ଚକ୍ ଖଡ଼୍‍ଗ ଓ ଝଲମଲ ବର୍ଚ୍ଛା; ପୁଣି, ଅପାର ହତ ଲୋକ ଓ ଶବର ଏକ ମହାଢିପି; ଆଉ, ଶବ ସଂଖ୍ୟାର ସୀମା ନାହିଁ; ସେମାନଙ୍କ ଶବ ଉପରେ ଲୋକେ ଝୁଣ୍ଟି ପଡ଼ନ୍ତି;
\v 4 ପରମସୁନ୍ଦରୀ ମାୟାବିନୀ ଯେଉଁ ବେଶ୍ୟା, ସେ ନାନା ଦେଶୀୟମାନଙ୍କୁ ଆପଣା ବେଶ୍ୟାବୃତ୍ତି ଦ୍ୱାରା ଓ ଗୋଷ୍ଠୀଗଣକୁ ଆପଣା ଗୁଣି ବିଦ୍ୟା ଦ୍ୱାରା ବିକ୍ରୟ କରେ, କାରଣ ତାହାର ବେଶ୍ୟା ଆଚରଣ ଅବର୍ଣ୍ଣନୀୟ ।
\s5
\v 5 ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ ତୁମ୍ଭର ପ୍ରତିକୂଳ ଅଟୁ ଓ ଆମ୍ଭେ ତୁମ୍ଭ ବସ୍ତ୍ରର ଅଞ୍ଚଳ ଟେକି ତୁମ୍ଭ ମୁଖ ଉପରେ ଥୋଇବା, ଆଉ ଆମ୍ଭେ ଗୋଷ୍ଠୀବର୍ଗକୁ ତୁମ୍ଭର ଉଲଙ୍ଗତା ଓ ରାଜ୍ୟସମୂହକୁ ତୁମ୍ଭର ଲଜ୍ଜା ଦେଖାଇବା ।
\v 6 ପୁଣି, ଆମ୍ଭେ ତୁମ୍ଭ ଉପରେ ଘୃଣାଜନକ ମଳ ନିକ୍ଷେପ କରିବା ଓ ତୁମ୍ଭକୁ ମର୍ଯ୍ୟାଦାରହିତ କରିବା ଓ ଦୃଶ୍ୟରେ ଉପହାସର ବିଷୟ କରିବା ।
\v 7 ପୁଣି, ଯେଉଁମାନେ ତୁମ୍ଭ ପ୍ରତି ଅନାଇବେ, ସେମାନେ ସମସ୍ତେ ତୁମ୍ଭ ନିକଟରୁ ପଳାଇବେ, ଆଉ କହିବେ, ନୀନିବୀ ଧ୍ଵଂସ ହୋଇଅଛି; ତାହା ବିଷୟରେ କିଏ ବିଳାପ କରିବ ? ଆମ୍ଭେ ତୁମ୍ଭ ପାଇଁ ସାନ୍ତ୍ୱନାକାରୀଗଣ କେଉଁଠାରେ ଖୋଜିବା ?
\s5
\v 8 ଯେଉଁ ନଦୀଗଣ ମଧ୍ୟରେ ଅବସ୍ଥିତା ଓ ଚତୁର୍ଦ୍ଦିଗରେ ଜଳବେଷ୍ଟିତା ଥିଲା; ସମୁଦ୍ର ଯାହାର ଗଡ଼ର ଖାଇ ଓ ପ୍ରାଚୀର ଥିଲା, ଏପରି ନୋ-ଆମୋନଠାରୁ ତୁମ୍ଭେ କି ଶ୍ରେଷ୍ଠ ?
\v 9 କୂଶ ଓ ମିସର ତାହାର ବଳ ସ୍ୱରୂପ ଥିଲେ ଓ ତାହା ଅସୀମ ଥିଲା; ପୂଟୀୟ ଓ ଲୂବୀୟମାନେ ତାହାର ସହକାରୀ ଥିଲେ ।
\s5
\v 10 ତଥାପି ସେ ନିର୍ବାସିତା ହେଲା, ସେ ବନ୍ଦୀତ୍ୱ ସ୍ଥାନକୁ ଗଲା; ତାହାର ଶିଶୁଗଣ ମଧ୍ୟ ସମସ୍ତ ପଥ ମୁଣ୍ଡରେ କଚଡ଼ା ଯାଇ ଖଣ୍ଡ ଖଣ୍ଡ ହେଲେ; ଲୋକମାନେ ତାହାର ମାନ୍ୟ ପୁରୁଷମାନଙ୍କ ନିମନ୍ତେ ଗୁଲିବାଣ୍ଟ କଲେ, ଆଉ ତାହାର ବଡ଼ ଲୋକ ସମସ୍ତେ ଶିକୁଳିରେ ବନ୍ଧା ହେଲେ ।
\v 11 ତୁମ୍ଭେ ମଧ୍ୟ ମତ୍ତ ହେବ, ତୁମ୍ଭେ ଲୁଚା ଯିବ; ଆହୁରି ତୁମ୍ଭେ ଶତ୍ରୁ ସକାଶୁ ଦୃଢ଼ ଗଡ଼ ଅନ୍ୱେଷଣ କରିବ ।
\s5
\v 12 ତୁମ୍ଭର ଦୁର୍ଗସବୁ ଆଦ୍ୟ ପକ୍ୱ ଫଳବିଶିଷ୍ଟ ଡିମିରି ବୃକ୍ଷମାନର ତୁଲ୍ୟ ହେବେ; ସେହିସବୁ ହଲା ଗଲେ ଫଳ ଭକ୍ଷକର ମୁଖରେ ପଡ଼ିବ ।
\v 13 ଦେଖ, ତୁମ୍ଭର ମଧ୍ୟସ୍ଥିତ ଲୋକମାନେ ସ୍ତ୍ରୀଲୋକ ଅଟନ୍ତି; ତୁମ୍ଭ ଦେଶର ନଗର-ଦ୍ୱାରସକଳ ତୁମ୍ଭ ଶତ୍ରୁଗଣ ପାଇଁ ମେଲା ହୋଇ ରଖା ଯାଇଅଛି; ଅଗ୍ନି ତୁମ୍ଭର ଅର୍ଗଳସବୁ ଗ୍ରାସ କରିଅଛି ।
\s5
\v 14 ଅବରୋଧର ସମୟ ନିମନ୍ତେ ଜଳ କାଢ଼ି ଆଣ, ତୁମ୍ଭର ଦୁର୍ଗସବୁ ଦୃଢ଼ କର; କାଦୁଅକୁ ଯାଇ ମାଟି ଚକଟ, ଇଟା ଭାଟି ଦୃଢ଼ କର ।
\v 15 ସେଠାରେ ଅଗ୍ନି ତୁମ୍ଭକୁ ଗ୍ରାସ କରିବ; ଖଡ଼୍‍ଗ ତୁମ୍ଭକୁ ଛେଦନ କରିବ, ତାହା ପତଙ୍ଗର ନ୍ୟାୟ ତୁମ୍ଭକୁ ଗ୍ରାସ କରିବ; ତୁମ୍ଭେ ପତଙ୍ଗର ନ୍ୟାୟ ଆପଣାକୁ ବହୁସଂଖ୍ୟକ କର, ପଙ୍ଗପାଳ ପରି ଆପଣାକୁ ବହୁସଂଖ୍ୟକ କର ।
\s5
\v 16 ତୁମ୍ଭେ ଆକାଶର ତାରାଗଣ ଅପେକ୍ଷା ଆପଣା ବଣିକଗଣର ସଂଖ୍ୟା ବୃଦ୍ଧି କରିଅଛ; ପତଙ୍ଗ ନଷ୍ଟ କରି ଉଡ଼ିଯାଏ ।
\v 17 ତୁମ୍ଭର ମୁକୁଟଧାରୀମାନେ ପଙ୍ଗପାଳ ପରି ଓ ତୁମ୍ଭର ପ୍ରଧାନ ସେନାପତିମାନେ ଫଡ଼ିଙ୍ଗର ଝାଙ୍କ ପରି, ସେ ଫଡ଼ିଙ୍ଗମାନେ ଶୀତ ଦିନରେ ବାଡ଼ରେ ରହନ୍ତି, ମାତ୍ର ସୂର୍ଯ୍ୟ ଉଦୟ ହେଲେ ଉଡ଼ି ପଳାନ୍ତି, ଆଉ ସେମାନେ କେଉଁଠାରେ ଥା'ନ୍ତି, ତାହା ଜଣାଯାଏ ନାହିଁ ।
\s5
\v 18 ହେ ଅଶୂରର ରାଜା, ତୁମ୍ଭର ପଲରକ୍ଷକମାନେ ଘୁମାଉଅଛନ୍ତି; ତୁମ୍ଭର ପ୍ରତାପାନ୍ୱିତ ଲୋକମାନେ ବିଶ୍ରାମ କରୁଅଛନ୍ତି; ତୁମ୍ଭର ଲୋକମାନେ ପର୍ବତଗଣ ଉପରେ ଛିନ୍ନଭିନ୍ନ ହୋଇଅଛନ୍ତି । ଆଉ, ସେମାନଙ୍କୁ ସଂଗ୍ରହ କରିବାକୁ କେହି ନାହିଁ ।
\v 19 ତୁମ୍ଭ ଆଘାତର ଉପଶମ ନାହିଁ; ତୁମ୍ଭର କ୍ଷତ ବ୍ୟଥାଜନକ; ଯେଉଁମାନେ ତୁମ୍ଭ ବିଷୟକ ସମ୍ବାଦ ଶୁଣନ୍ତି, ସେମାନେ ସମସ୍ତେ ତୁମ୍ଭ ପ୍ରତି ହାତତାଳି ଦିଅନ୍ତି; କାରଣ ତୁମ୍ଭର ଦୁଷ୍ଟତା କାହା ଉପରେ ଅବିରତ ବର୍ତ୍ତି ନାହିଁ ?

117
35-HAB.usfm Normal file
View File

@ -0,0 +1,117 @@
\id HAB
\ide UTF-8
\sts - Odia Old Version Revision
\rem Copyright Information: Creative Commons Attribution-ShareAlike 4.0 License
\h ହବକ୍‍କୂକ
\toc1 ହବକ୍‍କୂକ ଭବିଷ୍ୟଦ୍‍ବକ୍ତାଙ୍କ ପୁସ୍ତକ
\toc2 ହବକ୍‍କୂକ
\toc3 hab
\mt1 ହବକ୍‍କୂକ ଭବିଷ୍ୟଦ୍‍ବକ୍ତାଙ୍କ ପୁସ୍ତକ
\s5
\c 1
\p
\v 1 ହବକ୍‍କୂକ ଭବିଷ୍ୟଦ୍‍ବକ୍ତାଙ୍କର ପ୍ରାପ୍ତ ଦର୍ଶନର ଭାରୋକ୍ତି ।
\s ହବକ୍‍କୂକଙ୍କ ପ୍ରଥମ ଅଭିଯୋଗ
\p
\v 2 ହେ ସଦାପ୍ରଭୁ, ମୁଁ କେତେ କାଳ ଆର୍ତ୍ତନାଦ କରିବି, ଆଉ ତୁମ୍ଭେ ଶୁଣିବ ନାହିଁ ? ମୁଁ ଦୌରାତ୍ମ୍ୟ ବିଷୟରେ ତୁମ୍ଭ ନିକଟରେ ଆର୍ତ୍ତନାଦ କରୁଅଛି ଓ ତୁମ୍ଭେ ଉଦ୍ଧାର କରିବ ନାହିଁ ।
\s5
\v 3 ତୁମ୍ଭେ କାହିଁକି ମୋତେ ଅଧର୍ମ ଦେଖାଉଅଛ ଓ କୁଟିଳତା ପ୍ରତି ଦୃଷ୍ଟିପାତ କରୁଅଛ ? କାରଣ ମୋ' ସମ୍ମୁଖରେ ଧନାପହାର ଓ ଦୌରାତ୍ମ୍ୟ ଥାଏ; ପୁଣି, ବିବାଦ ହୁଏ ଓ ବିରୋଧ ବଢ଼ି ଉଠେ ।
\v 4 ଏଥିପାଇଁ ବ୍ୟବସ୍ଥା ନିସ୍ତେଜ ହୋଇଅଛି ଓ ବିଚାର କେବେ ନିଷ୍ପନ୍ନ ହେଉ ନାହିଁ; କାରଣ ଦୁର୍ଜନମାନେ ଧାର୍ମିକକୁ ଘେରନ୍ତି; ଏଥିପାଇଁ ବିଚାର ବିପରୀତ ହୋଇପଡ଼େ ।
\s ପରମେଶ୍ୱରଙ୍କ ଉତ୍ତର
\p
\s5
\v 5 ତୁମ୍ଭେମାନେ ଗୋଷ୍ଠୀଗଣ ମଧ୍ୟରେ ଦେଖି ମନୋଯୋଗ କର ଓ ଅତିଶୟ ଚମତ୍କୃତ ହୁଅ; କାରଣ ତୁମ୍ଭମାନଙ୍କ ସମୟରେ ଆମ୍ଭେ ଏକ କର୍ମ କରୁଅଛୁ, ସେ ବିଷୟ ତୁମ୍ଭମାନଙ୍କୁ କୁହା ଗଲେ ହେଁ ତୁମ୍ଭେମାନେ ତାହା ବିଶ୍ୱାସ କରିବ ନାହିଁ ।
\v 6 କାରଣ ଦେଖ, ଯେଉଁ କଲଦୀୟ ଲୋକମାନେ ନିଷ୍ଠୁର ଓ ଚଞ୍ଚଳ ଗୋଷ୍ଠୀ, ସେମାନଙ୍କୁ ଆମ୍ଭେ ଉଠାଉଅଛୁ; ଯେଉଁ ନିବାସ-ସ୍ଥାନସକଳ ସେମାନଙ୍କର ନୁହେଁ, ତାହା ଅଧିକାର କରିବା ପାଇଁ ସେମାନେ ପୃଥିବୀର ବିସ୍ତାରର ସର୍ବତ୍ର ଯାତ୍ରା କରନ୍ତି ।
\v 7 ସେମାନେ ତ୍ରାସଜନକ ଓ ଭୟଙ୍କର ଅଟନ୍ତି; ସେମାନଙ୍କର ଶାସନ ଓ ଗୌରବ ସେମାନଙ୍କର ନିଜଠାରୁ ନିର୍ଗତ ହୁଅଇ ।
\s5
\v 8 ଆହୁରି, ସେମାନଙ୍କର ଅଶ୍ୱଗଣ ଚିତାବାଘଠାରୁ ବେଗଗାମୀ ଓ ସନ୍ଧ୍ୟାକାଳରେ କେନ୍ଦୁଆଗଣଠାରୁ ଦୂରନ୍ତ; ଆଉ, ସେମାନଙ୍କର ଅଶ୍ୱାରୋହୀମାନେ ଆପଣାମାନଙ୍କୁ ବ୍ୟାପ୍ତ କରୁଅଛନ୍ତି; ହଁ, ସେମାନଙ୍କର ଅଶ୍ୱାରୋହୀଗଣ ଦୂରରୁ ଆସୁଅଛନ୍ତି; ଗ୍ରାସ କରିବା ପାଇଁ ଦ୍ରୁତଗାମୀ ଉତ୍କ୍ରୋଶ ପକ୍ଷୀ ପରି ସେମାନେ ଉଡ଼ୁଅଛନ୍ତି ।
\v 9 ସେମାନେ ସମସ୍ତେ ଦୌରାତ୍ମ୍ୟ କରିବା ପାଇଁ ଆସୁଅଛନ୍ତି; ପୂର୍ବୀୟ ବାୟୁ ତୁଲ୍ୟ ସେମାନଙ୍କ ମୁଖ ବ୍ୟଗ୍ର ଭାବରେ ରଖାଯାଇଅଛି ଓ ସେମାନେ ବନ୍ଦୀଗଣକୁ ବାଲୁକାର ନ୍ୟାୟ ଏକତ୍ର କରୁଅଛନ୍ତି ।
\s5
\v 10 ପୁଣି, ସେ ରାଜଗଣକୁ ଉପହାସ କରେ ଓ ଅଧିପତିଗଣ ତାହାର ବିଦ୍ରୁପର ପାତ୍ର; ସେ ପ୍ରତ୍ୟେକ ଦୃଢ଼ ଦୁର୍ଗକୁ ତୁଚ୍ଛଜ୍ଞାନ କରେ; କାରଣ ସେ ଧୂଳି ଗଦା କରି ତାହା ହସ୍ତଗତ କରେ ।
\v 11 ଏଉତ୍ତାରେ ସେ ବାୟୁ ତୁଲ୍ୟ ବହି ବ୍ୟାପି ଯିବ ଓ ସେ, ଅର୍ଥାତ୍‍, ଯାହାର ଶକ୍ତି ତାହାର ଦେବତା, ସେ ଦଣ୍ଡନୀୟ ହେବ ।
\s ହବକ୍‍କୂକଙ୍କ ଦ୍ୱିତୀୟ ଅଭିଯୋଗ
\p
\s5
\v 12 ହେ ସଦାପ୍ରଭୁ, ମୋର ପରମେଶ୍ୱର, ମୋର ଧର୍ମସ୍ୱରୂପ, ତୁମ୍ଭେ କି ଅନାଦି କାଳଠାରୁ ନୁହଁ ? ଆମ୍ଭେମାନେ ବିନଷ୍ଟ ନୋହିବା । ହେ ସଦାପ୍ରଭୁ, ତୁମ୍ଭେ ଶାସନାର୍ଥେ ତାହାକୁ ନିରୂପଣ କରିଅଛ, ପୁଣି ହେ ଶୈଳସ୍ୱରୂପ, ତୁମ୍ଭେ ଶାସ୍ତି ନିମନ୍ତେ ତାହାକୁ ସ୍ଥାପନ କରିଅଛ ।
\s5
\v 13 ତୁମ୍ଭେ ତ ଏପରି ନିର୍ମଳ ଚକ୍ଷୁ ଯେ, ମନ୍ଦ ଦେଖି ନ ପାର ଓ ତୁମ୍ଭେ କୁଟିଳାଚରଣ ପ୍ରତି ଦୃଷ୍ଟି କରି ନ ପାର, ତେବେ ଯେଉଁମାନେ ବିଶ୍ୱାସଘାତକତା କରନ୍ତି, ସେମାନଙ୍କ ପ୍ରତି କାହିଁକି ଦୃଷ୍ଟିପାତ କରୁଅଛ ? ଓ ଦୁଷ୍ଟ ଲୋକ ଆପଣା ଅପେକ୍ଷା ଧାର୍ମିକ ଲୋକକୁ ଗ୍ରାସ କଲା ବେଳେ କାହିଁକି ନୀରବ ହୋଇ ରହୁଅଛ ?
\v 14 ଓ ମନୁଷ୍ୟକୁ ସମୁଦ୍ରର ମତ୍ସ୍ୟ ପରି ଓ ଯେଉଁମାନଙ୍କର ଅଧ୍ୟକ୍ଷ କେହି ନାହିଁ, ଏପରି ଉରୋଗାମୀ କୀଟ ପରି କାହିଁକି କରୁଅଛ ?
\s5
\v 15 ସେ ସମସ୍ତଙ୍କୁ ବଡ଼ଶୀରେ ଧରି ନିଏ, ସେ ଆପଣା ଜାଲରେ ସେମାନଙ୍କୁ ଧରେ ଓ ଆପଣା ଟଣା ଜାଲରେ ସେମାନଙ୍କୁ ଏକତ୍ର କରେ; ତହିଁ ସକାଶୁ ସେ ଆନନ୍ଦିତ ଓ ଉଲ୍ଲସିତ ହୁଏ ।
\v 16 ଏଥିପାଇଁ ସେ ଆପଣା ଜାଲ ଉଦ୍ଦେଶ୍ୟରେ ବଳିଦାନ କରେ ଓ ଆପଣା ଟଣା ଜାଲ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଏ; କାରଣ ତାହା ଦ୍ୱାରା ତାହାର ବାଣ୍ଟ ପୁଷ୍ଟ ହୁଏ ଓ ତାହାର ଖାଦ୍ୟ ଯଥେଷ୍ଟ ହୁଏ ।
\v 17 ଏନିମନ୍ତେ ସେ କି ଆପଣା ଜାଲ ଖାଲି କରୁଥିବ ଓ ଦୟା ନ କରି କି ଗୋଷ୍ଠୀଗଣକୁ ନିରନ୍ତର ବଧ କରୁଥିବ ?
\s5
\c 2
\p
\v 1 ମୁଁ ଆପଣା ପ୍ରହରୀ ସ୍ଥାନରେ ଠିଆ ହେବି ଓ ଦୁର୍ଗର ଉପରେ ରହିବି, ଆଉ ସେ ମୋ' ଗୁହାରି ବିଷୟରେ ମୋତେ କି କଥା କହିବେ ଓ ମୁଁ କି ଉତ୍ତର ଦେବି, ଏହା ନିରୀକ୍ଷଣ କରି ବୁଝିବି ।
\s ଧାର୍ମିକ ଲୋକ ବିଶ୍ୱାସ ଦ୍ୱାରା ବଞ୍ଚିବ
\p
\s5
\v 2 ଏଥିଉତ୍ତାରେ ସଦାପ୍ରଭୁ ମୋତେ ଉତ୍ତର ଦେଇ କହିଲେ, ଏହି ଦର୍ଶନର କଥା ଲେଖ ଓ ଯେ ପାଠ କରେ, ସେ ଯେପରି ଦୌଡ଼ି ପାରିବ, ଏଥିପାଇଁ ପଟାରେ ସୁସ୍ପଷ୍ଟ କରି ଖୋଳ ।
\v 3 କାରଣ ଏହି ଦର୍ଶନ ଏବେ ହେଁ ନିରୂପିତ କାଳର ଅପେକ୍ଷା ଓ ପରିଣାମର ଆକାଂକ୍ଷା କରେ ଓ ତାହା ମିଥ୍ୟା ହେବ ନାହିଁ; ତାହା ବିଳମ୍ବ ହେଲେ ହେଁ ତହିଁ ପାଇଁ ଅପେକ୍ଷା କର; କାରଣ ତାହା ଅବଶ୍ୟ ଘଟିବ, ବିଳମ୍ବ ହେବ ନାହିଁ ।
\s5
\v 4 ଦେଖ, ତାହାର ପ୍ରାଣ ଗର୍ବରେ ଫୁଲିଅଛି, ତାହା ସରଳ ନୁହେଁ; ମାତ୍ର ଧାର୍ମିକ ଲୋକ ଆପଣା ବିଶ୍ୱାସ ଦ୍ୱାରା ବଞ୍ଚିବ ।
\v 5 ଆହୁରି, ମଦ, ବିଶ୍ୱାସଘାତକ ବଣିକ, ଅହଙ୍କାରୀ ଲୋକ, ଆଉ ସେ ଘରେ ରହେ ନାହିଁ, ସେ ପାତାଳର ପରି ଆପଣା ବାଞ୍ଛା ବଢ଼ାଏ ଓ ସେ ମୃତ୍ୟୁ ସଦୃଶ, ଆଉ ସେ ତୃପ୍ତ ହୋଇ ନ ପାରେ, ମାତ୍ର ସେ ଆପଣା ନିକଟରେ ଯାବତୀୟ ଗୋଷ୍ଠୀ ଏକତ୍ର କରଇ ଓ ଯାବତୀୟ ଜନବୃନ୍ଦକୁ ଆପଣା ନିକଟରେ ସଂଗ୍ରହ କରେ ।
\s କଲଦୀୟ-ସନ୍ତାପର ପାତ୍ର
\p
\s5
\v 6 ସେମାନେ ସମସ୍ତେ କି ତାହା ବିରୁଦ୍ଧରେ ଉପମା-କଥା ଓ ପରିହାସଜନକ ପ୍ରବାଦ ଧରି କହିବେ ନାହିଁ ? ଯଥା, ପର ଧନରେ ଯେ ଆପଣାକୁ ବର୍ଦ୍ଧିଷ୍ଣୁ କରେ, ସେ ସନ୍ତାପର ପାତ୍ର ! କେତେ କାଳ ? ବନ୍ଧକି ଦ୍ରବ୍ୟରେ ଯେ ଆପଣାକୁ ଭାରଗ୍ରସ୍ତ କରେ, ସେ ସନ୍ତାପର ପାତ୍ର !
\v 7 ଯେଉଁମାନେ ତୁମ୍ଭକୁ ଦଂଶନ କରିବେ, ସେମାନେ କି ହଠାତ୍‍ ଉଠିବେ ନାହିଁ ? ଯେଉଁମାନେ ତୁମ୍ଭକୁ ବିରକ୍ତ କରିବେ, ସେମାନେ କି ଜାଗ୍ରତ ହେବେ ନାହିଁ ? ଓ ତୁମ୍ଭେ କି ସେମାନଙ୍କ ପ୍ରତି ଲୁଟିତ ଦ୍ରବ୍ୟ ସ୍ୱରୂପ ହେବ ନାହିଁ ?
\v 8 ତୁମ୍ଭେ ଅନେକ ଗୋଷ୍ଠୀଙ୍କୁ ଲୁଟିଅଛ, ଏଥିପାଇଁ ମନୁଷ୍ୟମାନଙ୍କର ରକ୍ତପାତ, ଆଉ ଦେଶ, ନଗର ଓ ତନ୍ନିବାସୀ ସମସ୍ତଙ୍କ ପ୍ରତି କୃତ ଦୌରାତ୍ମ୍ୟ ସକାଶୁ ଜନବୃନ୍ଦର ସମସ୍ତ ଶେଷାଂଶ ତୁମ୍ଭକୁ ଲୁଟିବେ ।
\s5
\v 9 ଯେଉଁ ଜନ ଉଚ୍ଚରେ ଆପଣା ବସା କରିବା ପାଇଁ, ବିପଦର ହସ୍ତରୁ ଉଦ୍ଧାର କରିବା ପାଇଁ ଆପଣା ବଂଶ ନିମନ୍ତେ କୁଲାଭ ଉପାର୍ଜନ କରେ, ସେ ସନ୍ତାପର ପାତ୍ର !
\v 10 ତୁମ୍ଭେ ଅନେକ ଗୋଷ୍ଠୀଙ୍କୁ ଉଚ୍ଛିନ୍ନ କରିବା ଦ୍ୱାରା ଆପଣା ବଂଶର ଲଜ୍ଜାଜନକ ମନ୍ତ୍ରଣା କରିଅଛ ଓ ଆପଣା ପ୍ରାଣ ବିରୁଦ୍ଧରେ ପାପ କରିଅଛ ।
\v 11 କାରଣ କାନ୍ଥ ଭିତରୁ ପଥର ଡାକ ପକାଇବ ଓ କାଠ ମଧ୍ୟରୁ କଡ଼ିକାଠ ତହିଁର ଉତ୍ତର ଦେବ ।
\s5
\v 12 ଯେଉଁ ଜନ ରକ୍ତପାତ ଦ୍ୱାରା ନଗର ନିର୍ମାଣ କରେ ଓ ଅଧର୍ମ ଦ୍ୱାରା ନଗର ସ୍ଥାପନ କରେ, ସେ ସନ୍ତାପର ପାତ୍ର !
\v 13 ଦେଖ, ଜନବୃନ୍ଦ ଅଗ୍ନିର ନିମନ୍ତେ ପରିଶ୍ରମ କରନ୍ତି ଓ ଗୋଷ୍ଠୀଗଣ ଅସାରତାର ନିମନ୍ତେ ଆପଣାମାନଙ୍କୁ କ୍ଳାନ୍ତ କରନ୍ତି, ଏହା କି ସୈନ୍ୟାଧିପତି ସଦାପ୍ରଭୁଙ୍କଠାରୁ ହୁଏ ନାହିଁ ?
\v 14 କାରଣ ଜଳରାଶି ଯେପରି ସମୁଦ୍ରକୁ ଆବୃତ କରେ, ସେହିପରି ସଦାପ୍ରଭୁଙ୍କ ମହିମା ବିଷୟକ ଜ୍ଞାନରେ ପୃଥିବୀ ପରିପୂର୍ଣ୍ଣ ହେବ ।
\s5
\v 15 ଯେଉଁ ଜନ ଆପଣା ପ୍ରତିବାସୀର ଉଲଙ୍ଗତା ଦେଖିବା ନିମନ୍ତେ ତାହାକୁ ପାନ କରିବାକୁ ଦିଏ, ତହିଁ ସଙ୍ଗେ ଆପଣାର ବିଷ ମିଶାଇ ତାହାକୁ ମତ୍ତ କରେ, ସେ ସନ୍ତାପର ପାତ୍ର !
\v 16 ତୁମ୍ଭେ ଗୌରବ ବଦଳରେ ଅପମାନରେ ପରିପୂର୍ଣ୍ଣ ହୋଇଅଛ । ତୁମ୍ଭେ ମଧ୍ୟ ପାନ କରି ଅସୁନ୍ନତର ନ୍ୟାୟ ହୁଅ ! ସଦାପ୍ରଭୁଙ୍କ ଦକ୍ଷିଣ ହସ୍ତସ୍ଥିତ ପାନପାତ୍ର ତୁମ୍ଭଆଡ଼େ ଫେରାଯିବ ଓ ତୁମ୍ଭ ଗୌରବର ଉପରେ ଘୃଣାଜନକ ଲଜ୍ଜା ବର୍ତ୍ତିବ ।
\s5
\v 17 କାରଣ ମନୁଷ୍ୟମାନଙ୍କର ରକ୍ତପାତ ଓ ଦେଶ ପ୍ରତି, ନଗର ପ୍ରତି ଓ ତନ୍ନିବାସୀ ସମସ୍ତଙ୍କ ପ୍ରତି କୃତ ଦୌରାତ୍ମ୍ୟ ସକାଶୁ ଲିବାନୋନର ପ୍ରତି କୃତ ଦୌରାତ୍ମ୍ୟ ଓ ପଶୁଗଣର ତ୍ରାସଜନକ ସଂହାର ତୁମ୍ଭକୁ ଆଚ୍ଛନ୍ନ କରିବ ।
\s5
\v 18 ଖୋଦିତ ପ୍ରତିମାରେ କି ଲାଭ ଯେ, ତହିଁର ନିର୍ମାଣକର୍ତ୍ତା ତାହା ଖୋଦନ କରେ ? ଛାଞ୍ଚରେ ଢଳା ପ୍ରତିମାରେ ଓ ମିଥ୍ୟା ଶିକ୍ଷକରେ କି ଲାଭ ଯେ, ଆପଣାର ନିର୍ମିତ ବସ୍ତୁର ନିର୍ମାଣକାରୀ ତହିଁରେ ବିଶ୍ୱାସ କରି ମୂକ ଦେବତା ନିର୍ମାଣ କରେ ?
\v 19 ଯେଉଁ ଜନ କାଷ୍ଠକୁ କହେ, ଜାଗ୍ରତ ହୁଅ; ମୂକ ପ୍ରସ୍ତରକୁ କହେ ଉଠ, ସେ ସନ୍ତାପର ପାତ୍ର ! ସେ କି ଶିକ୍ଷା ଦେବ ? ଦେଖ, ତାହା ସୁନା ଓ ରୂପାରେ ମଣ୍ଡିତ, ତହିଁ ମଧ୍ୟରେ କିଛି ହିଁ ଶ୍ୱାସବାୟୁ ନାହିଁ ।
\v 20 ମାତ୍ର ସଦାପ୍ରଭୁ ଆପଣା ପବିତ୍ର ମନ୍ଦିରରେ ଅଛନ୍ତି; ସମୁଦାୟ ପୃଥିବୀ ତାହାଙ୍କ ଛାମୁରେ ନୀରବ ହୋଇ ରହନ୍ତୁ ।
\s5
\c 3
\s ହବକ୍‍କୂକଙ୍କ ପ୍ରାର୍ଥନା
\p
\v 1 ହବକ୍‍କୂକ ଭବିଷ୍ୟଦ୍‍ବକ୍ତାଙ୍କର ପ୍ରାର୍ଥନା । ସ୍ୱରଶିଗୀୟୋନତ୍‍ ।
\v 2 ହେ ସଦାପ୍ରଭୁ, ମୁଁ ତୁମ୍ଭ ବିଷୟକ ବାର୍ତ୍ତା ଶୁଣି ଭୀତ ଅଛି; ହେ ସଦାପ୍ରଭୁ, ବର୍ଷମାନର ମଧ୍ୟରେ ଆପଣା କର୍ମ ସଜୀବ କର, ବର୍ଷମାନର ମଧ୍ୟରେ ତାହା ଜ୍ଞାତ କରାଅ; କୋପ ସମୟରେ ଦୟା ସ୍ମରଣ କର ।
\s5
\v 3 ପରମେଶ୍ୱର ତୈମନରୁ ଆସିଲେ ଓ ଯେ ଧର୍ମମୟ, ସେ ପାରଣ ପର୍ବତରୁ ଆସିଲେ । ସେଲା ତାହାଙ୍କର ପ୍ରତାପ ଆକାଶମଣ୍ଡଳକୁ ଆଚ୍ଛନ୍ନ କଲା, ଆଉ ପୃଥିବୀ ତାହାଙ୍କ ପ୍ରଶଂସାରେ ପରିପୂର୍ଣ୍ଣ ହେଲା ।
\s5
\v 4 ପୁଣି, ତାହାଙ୍କର ତେଜ ଦୀପ୍ତି ତୁଲ୍ୟ ହେଲା; ତାହାଙ୍କ ହସ୍ତରୁ କିରଣ ନିର୍ଗତ ହେଲା; ଆଉ, ସେ ସ୍ଥାନ ତାହାଙ୍କ ପରାକ୍ରମର ଅନ୍ତରାଳ ।
\v 5 ତାହାଙ୍କ ଆଗେ ଆଗେ ମହାମାରୀ ଗମନ କଲା, ଆଉ ତାହାଙ୍କ ପଦ-ଚିହ୍ନରୁ ଅଗ୍ନିବାଣ ନିର୍ଗତ ହେଲା ।
\s5
\v 6 ସେ ଠିଆ ହୋଇ ପୃଥିବୀର ପରିମାଣ କଲେ । ସେ ଦୃଷ୍ଟିପାତ କରି ଗୋଷ୍ଠୀଗଣକୁ ଭିନ୍ନଭିନ୍ନ କରି ତଡ଼ି ଦେଲେ; ଆଉ, ଚିରସ୍ଥାୟୀ ପର୍ବତଗଣ ଛିନ୍ନଭିନ୍ନ କରାଗଲେ, ନିତ୍ୟସ୍ଥାୟୀ ଉପପର୍ବତଗଣ ନତ ହେଲେ; ତାହାଙ୍କର ଗତି ପୁରାତନ କାଳର ଗତି ତୁଲ୍ୟ ଥିଲା ।
\s5
\v 7 ମୁଁ କୂଶନର ତମ୍ବୁସକଳକୁ କ୍ଳେଶରେ ଥିବାର ଦେଖିଲି; ମିଦୀୟନ ଦେଶର ଯବନିକାସକଳ କମ୍ପିତ ହେଲା ।
\v 8 ସଦାପ୍ରଭୁ କି ନଦ-ନଦୀ ପ୍ରତି ଅସନ୍ତୁଷ୍ଟ ହେଲେ ? ତୁମ୍ଭର କ୍ରୋଧ କି ନଦ-ନଦୀର ଉପରେ ବର୍ତ୍ତିଲା, ଅବା ତୁମ୍ଭର କୋପ କି ସମୁଦ୍ରର ଉପରେ ବର୍ତ୍ତିଲା ଯେ, ତୁମ୍ଭେ ଆପଣା ଅଶ୍ୱଗଣର ଉପରେ, ଆପଣା ତ୍ରାଣସ୍ୱରୂପ ରଥସମୂହରେ ଆରୋହଣ କଲ ?
\s5
\v 9 ତୁମ୍ଭର ଧନୁ ଅନାବୃତ ହେଲା; ଗୋଷ୍ଠୀଗଣର ପ୍ରତି ଶପଥ ସ୍ଥିରୀକୃତ ବାକ୍ୟ ହେଲା । ସେଲା । ତୁମ୍ଭେ ନଦ-ନଦୀ ଦ୍ୱାରା ପୃଥିବୀକୁ ବିଦୀର୍ଣ୍ଣ କଲ ।
\v 10 ପର୍ବତଗଣ ତୁମ୍ଭଙ୍କୁ ଦେଖି ଭୀତ ହେଲେ; ପ୍ରଚଣ୍ଡ ଜଳରାଶି ବହିଗଲା; ବାରିଧି ଆପଣା ରବ ଶୁଣାଇଲା ଓ ଆପଣା ହସ୍ତ ଉଚ୍ଚକୁ ଉଠାଇଲା ।
\s5
\v 11 ତୁମ୍ଭର ବାଣସ୍ୱରୂପ ଦୀପ୍ତିର ଗତିରେ, ତୁମ୍ଭର ଝଲମଲ ବର୍ଚ୍ଛାର ତେଜରେ ସୂର୍ଯ୍ୟ ଓ ଚନ୍ଦ୍ର ଆପଣା ଆପଣା ବାସସ୍ଥାନରେ ସ୍ଥଗିତ ହୋଇ ରହିଲେ ।
\v 12 ତୁମ୍ଭେ କୋପରେ ପୃଥିବୀ ମଧ୍ୟଦେଇ ଯାତ୍ରା କଲ । ତୁମ୍ଭେ କ୍ରୋଧରେ ଗୋଷ୍ଠୀଗଣକୁ (ଶସ୍ୟ ପରି) ମର୍ଦ୍ଦନ କଲ ।
\s5
\v 13 ତୁମ୍ଭେ ଆପଣା ଲୋକମାନଙ୍କର ପରିତ୍ରାଣ ନିମନ୍ତେ, ଆପଣା ଅଭିଷେକୀର ପରିତ୍ରାଣ ନିମନ୍ତେ ଯାତ୍ରା କଲ । ତୁମ୍ଭେ ଦୁଷ୍ଟର ଗୃହରୁ ମସ୍ତକ ଚୂର୍ଣ୍ଣ କଲ, ତୁମ୍ଭେ କଣ୍ଠସରିକି ମୂଳଦୁଆ ଅନାବୃତ କଲ । ସେଲା ।
\s5
\v 14 ତୁମ୍ଭେ ତାହାର ନିଜ ଯଷ୍ଟି ଦ୍ୱାରା ତାହାର ଯୋଦ୍ଧାମାନଙ୍କର ମସ୍ତକ ବିଦ୍ଧ କଲ: ସେମାନେ ମୋତେ ଛିନ୍ନଭିନ୍ନ କରିବା ପାଇଁ ଘୂର୍ଣ୍ଣବାୟୁର ନ୍ୟାୟ ଆସିଲେ; ଦରିଦ୍ରକୁ ଗୋପନରେ ଗ୍ରାସ କରିବା ପାଇଁ ସେମାନଙ୍କର ଆନନ୍ଦ ଥିଲା ।
\v 15 ତୁମ୍ଭେ ଆପଣା ଅଶ୍ୱଗଣ ଦ୍ୱାରା ସମୁଦ୍ରକୁ, ମହାଜଳରାଶିକୁ ଦଳି ପକାଇଲ ।
\s5
\v 16 ମୁଁ ଶୁଣିଲି ଓ ମୋ' ଉଦର କମ୍ପିଲା, ସେହି ରବରେ ମୋର ଓଷ୍ଠାଧର ଥର ଥର ହେଲା; ମୋ' ଅସ୍ଥିସକଳରେ ପଚାଭାବ ପ୍ରବେଶ କଲା ଓ ମୁଁ ସ୍ୱସ୍ଥାନରେ କମ୍ପିତ ହେଲି; ତହିଁରେ ଯେଉଁମାନେ ସୈନ୍ୟଦଳ ଘେନି ତାହାକୁ ଆକ୍ରମଣ କରିବାକୁ ଆସିବେ, ସେହି ଲୋକମାନଙ୍କ ବିରୁଦ୍ଧରେ ଯେତେବେଳେ ଦିନ ଆସିବ, ସେତେବେଳେ ସେହି ସଙ୍କଟ ଦିନରେ ମୋତେ ବିଶ୍ରାମ କରିବାକୁ ହେବ ।
\s ହବକ୍‍କୂକ ପରମେଶ୍ୱରଙ୍କଠାରେ ଉଲ୍ଲସିତ
\p
\s5
\v 17 କାରଣ ଯଦ୍ୟପି ଡିମିରି ବୃକ୍ଷ ପୁଷ୍ପିତ ନୋହିବ, କିଅବା ଦ୍ରାକ୍ଷାଲତାରେ ଫଳ ନ ଧରିବ; ଜୀତବୃକ୍ଷ ଫଳ ନ ଫଳିବ ଓ କ୍ଷେତ୍ର ଖାଦ୍ୟଦ୍ରବ୍ୟ ଉତ୍ପନ୍ନ ନ କରିବ; ଖୁଆଡ଼ରୁ ମେଷପଲ ଉଚ୍ଛିନ୍ନ ହେବ, ଆଉ ଗୋଠରେ ଗୋରୁପଲ ନ ଥିବ;
\s5
\v 18 ତଥାପି ମୁଁ ସଦାପ୍ରଭୁଙ୍କଠାରେ ଆନନ୍ଦ କରିବି । ମୁଁ ଆପଣା ତ୍ରାଣର ପରମେଶ୍ୱରଙ୍କଠାରେ ଉଲ୍ଲାସ କରିବି ।
\v 19 ପ୍ରଭୁ ସଦାପ୍ରଭୁ ମୋର ବଳସ୍ୱରୂପ ଓ ସେ ମୋର ଚରଣ ହରିଣୀର ଚରଣ ସଦୃଶ କରନ୍ତି, ପୁଣି ମୋର ଉଚ୍ଚସ୍ଥଳୀରେ ମୋତେ ଗମନ କରାଇବେ । ମୋର ତାରଯୁକ୍ତ ଯନ୍ତ୍ରରେ ପ୍ରଧାନ ବାଦ୍ୟକର ନିମନ୍ତେ ।

106
36-ZEP.usfm Normal file
View File

@ -0,0 +1,106 @@
\id ZEP
\ide UTF-8
\sts - Old OdiaVersion Revision
\rem - Copyright Information: Creative Commons Attribution - ShareAlike 4.0 licence
\h - ସିଫନୀୟ
\toc1 - ସିଫନୀୟ ଭବିଷ୍ୟଦ୍‍ବକ୍ତାଙ୍କ ପୁସ୍ତକ
\toc2 - ସିଫନୀୟ
\toc3 zep
\mt1 ସିଫନୀୟ ଭବିଷ୍ୟଦ୍‍ବକ୍ତାଙ୍କ ପୁସ୍ତକ
\mt2 THE BOOK OF PROPHET
\s5
\c 1
\p
\v 1 ଆମୋନଙ୍କ ପୁତ୍ର ଯିହୁଦାର ରାଜା ଯୋଶୀୟର ଅଧିକାର ସମୟରେ, ହିଜକୀୟଙ୍କ ବୃଦ୍ଧ ପ୍ରପୌତ୍ର, ଅମରୀୟଙ୍କ ପ୍ରପୌତ୍ର, ଗଦଲୀୟଙ୍କ ପୌତ୍ର, କୂଶିଙ୍କ ପୁତ୍ର ସିଫନୀୟଙ୍କ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା ।
\s ଯିହୁଦା ପ୍ରତି ସଦାପ୍ରଭୁଙ୍କ ବିଚାର
\p
\v 2 ସଦାପ୍ରଭୁ କହନ୍ତି, ଆମ୍ଭେ ଭୂମିରୁ ସମଗ୍ର ବସ୍ତୁ ନିଃଶେଷ ରୂପେ ସଂହାର କରିବା,
\v 3 ଆମ୍ଭେ ମନୁଷ୍ୟ ଓ ପଶୁଗଣକୁ ସଂହାର କରିବା; ଆମ୍ଭେ ଆକାଶର ପକ୍ଷୀଗଣକୁ, ସମୁଦ୍ରର ମତ୍ସ୍ୟଗଣକୁ ଓ ଦୁଷ୍ଟଗଣ ସହିତ ବିଘ୍ନସକଳ ସଂହାର କରିବା; ଆଉ, ଆମ୍ଭେ ଭୂମିରୁ ମନୁଷ୍ୟକୁ ଉଚ୍ଛିନ୍ନ କରିବା, ଏହା ସଦାପ୍ରଭୁ କହନ୍ତି ।
\s5
\v 4 ପୁଣି, ଆମ୍ଭେ ଯିହୁଦାର ବିରୁଦ୍ଧରେ ଓ ଯିରୂଶାଲମର ନିବସୀସକଳର ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରିବା; ଆମ୍ଭେ ଏହି ସ୍ଥାନରୁ ବାଲ୍‍ର ଅବଶିଷ୍ଟାଂଶକୁ ଓ ଯାଜକଗଣ ସହିତ ପୁରୋହିତମାନଙ୍କର ନାମ;
\v 5 ଆଉ, ଯେଉଁମାନେ ଛାତ ଉପରେ ଆକାଶର ବାହିନୀକୁ ପ୍ରଣାମ କରନ୍ତି ଓ ଯେଉଁମାନେ ସଦାପ୍ରଭୁଙ୍କ ନିକଟରେ ଶପଥ କରନ୍ତି ଓ ମାଲ୍‍କମ୍‍ ନାମରେ ଶପଥ କରି ପ୍ରଣାମ କରନ୍ତି;
\v 6 ଆଉ, ଯେଉଁମାନେ ସଦାପ୍ରଭୁଙ୍କ ପଶ୍ଚାତ୍‍ଗମନରୁ ବିମୁଖ ହୋଇଅଛନ୍ତି; ପୁଣି, ଯେଉଁମାନେ ସଦାପ୍ରଭୁଙ୍କର ଅନ୍ଵେଷଣ କରି ନାହାନ୍ତି, କିଅବା ତାହାଙ୍କର ଅନୁସନ୍ଧାନ କରି ନାହାନ୍ତି, ସେସମସ୍ତଙ୍କୁ ଆମ୍ଭେ ଉଚ୍ଛିନ୍ନ କରିବା ।
\s ସଦାପ୍ରଭୁଙ୍କର ଦିନ ସନ୍ନିକଟ
\p
\s5
\v 7 ତୁମ୍ଭେ ପ୍ରଭୁ ସଦାପ୍ରଭୁଙ୍କ ଛାମୁରେ ନୀରବ ହୁଅ; କାରଣ ସଦାପ୍ରଭୁଙ୍କର ଦିନ ସନ୍ନିକଟ; କାରଣ ସଦାପ୍ରଭୁ ଏକ ଯଜ୍ଞର ଆୟୋଜନ କରିଅଛନ୍ତି, ସେ ଆପଣା ନିମନ୍ତ୍ରିତଗଣକୁ ପବିତ୍ର କରିଅଛନ୍ତି ।
\v 8 ପୁଣି, ସଦାପ୍ରଭୁଙ୍କର ସେହି ଯଜ୍ଞ ଦିନ ଆମ୍ଭେ ଅଧିପତିଗଣକୁ ଓ ରାଜପୁତ୍ରଗଣକୁ ଓ ବିଦେଶୀୟ ବସ୍ତ୍ରରେ ବସ୍ତ୍ରାନ୍ୱିତ ସମସ୍ତଙ୍କୁ ଦଣ୍ଡ ଦେବା ।
\v 9 ଆଉ, ଯେଉଁମାନେ ଚୌକାଠ ଡେଇଁ କରି ଯା'ନ୍ତି, ଯେଉଁମାନେ ଆପଣାମାନଙ୍କ କର୍ତ୍ତାର ଗୃହ ଦୌରାତ୍ମ୍ୟରେ ଓ ପ୍ରବଞ୍ଚନାରେ ପରିପୂର୍ଣ୍ଣ କରନ୍ତି, ସେସମସ୍ତଙ୍କୁ ଆମ୍ଭେ ସେହି ଦିନ ଦଣ୍ଡ ଦେବା ।
\s5
\v 10 ପୁଣି, ସଦାପ୍ରଭୁ କହନ୍ତି, ସେହି ଦିନ ମତ୍ସ୍ୟଦ୍ୱାରଠାରୁ କ୍ରନ୍ଦନର ଶବ୍ଦ ଓ (ନଗରର) ଦ୍ୱିତୀୟ ବିଭାଗଠାରୁ ହାହାକାର ଶବ୍ଦ ଓ ଉପପର୍ବତଗଣରୁ ମହାଭଙ୍ଗର ଶବ୍ଦ ଶୁଣାଯିବ ।
\v 11 ହେ ମକ୍ତେଶ ନିବାସୀଗଣ, ତୁମ୍ଭେମାନେ ହାହାକାର କର, କାରଣ କିଣାନର ଲୋକ ସମସ୍ତେ ବିନଷ୍ଟ ହୋଇଅଛନ୍ତି ଓ ରୌପ୍ୟ ବାହକ ସମସ୍ତେ ଉଚ୍ଛିନ୍ନ ହୋଇଅଛନ୍ତି ।
\s5
\v 12 ପୁଣି, ସେହି ସମୟରେ ଆମ୍ଭେ ପ୍ରଦୀପ ଜ୍ୱଳାଇ ଯିରୂଶାଲମର ଅନ୍ଵେଷଣ କରିବା; ଆଉ, ଯେଉଁମାନେ ଆପଣା ଆପଣା ମଳ ଉପରେ ସୁସ୍ଥିର ହୋଇ ବସିଅଛନ୍ତି ଓ ମନେ ମନେ କହନ୍ତି, ସଦାପ୍ରଭୁ ମଙ୍ଗଳ କରିବେ ନାହିଁ କିଅବା ଅମଙ୍ଗଳ କରିବେ ନାହିଁ, ସେମାନଙ୍କୁ ଆମ୍ଭେ ଦଣ୍ଡ ଦେବା ।
\v 13 ପୁଣି, ସେମାନଙ୍କର ସମ୍ପତ୍ତି ଲୁଟିତ ହେବ ଓ ସେମାନଙ୍କର ଗୃହ ଧ୍ୱଂସସ୍ଥାନ ହେବ; ଆହୁରି ସେମାନେ ଗୃହ ନିର୍ମାଣ କରିବେ, ମାତ୍ର ତହିଁରେ ବାସ କରିବେ ନାହିଁ; ଆଉ, ସେମାନେ ଦ୍ରାକ୍ଷାକ୍ଷେତ୍ର ପ୍ରସ୍ତୁତ କରିବେ, ମାତ୍ର ତହିଁରୁ ଦ୍ରାକ୍ଷାରସ ପାନ କରିବେ ନାହିଁ ।
\s5
\v 14 ସଦାପ୍ରଭୁଙ୍କର ମହାଦିନ ନିକଟବର୍ତ୍ତୀ, ତାହା ଅର୍ଥାତ୍‍, ସଦାପ୍ରଭୁଙ୍କର ଦିନର ଶବ୍ଦ ନିକଟବର୍ତ୍ତୀ ଓ ଅତି ଶୀଘ୍ର ଆସୁଅଛି; ବୀର ପୁରୁଷ ସେହି ସ୍ଥାନରେ ଅତିଶୟ ରୋଦନ କରୁଅଛି ।
\v 15 ସେହି ଦିନ କ୍ରୋଧର ଦିନ, ସଙ୍କଟ ଓ କ୍ଳେଶର ଦିନ, ଉଜାଡ଼ ଓ ସର୍ବନାଶର ଦିନ, ଅନ୍ଧକାର ଓ ଘୋର ତିମିରର ଦିନ, ମେଘ ଓ ନିବିଡ଼ ଅନ୍ଧକାରର ଦିନ,
\v 16 ତୂରୀଧ୍ୱନି ଓ ଭୟାନକ ନାଦର ଦିନ, ତାହା ପ୍ରାଚୀରବେଷ୍ଟିତ ନଗର ଓ ଉଚ୍ଚ ଚୂଡ଼ାସକଳର ବିପକ୍ଷରେ ଉପସ୍ଥିତ ହେବ ।
\s5
\v 17 ପୁଣି, ଆମ୍ଭେ ମନୁଷ୍ୟମାନଙ୍କ ଉପରେ ଦୁଃଖ ଘଟାଇବା, ତହିଁରେ ସେମାନେ ଅନ୍ଧ ଲୋକ ପରି ବୁଲିବେ, କାରଣ ସେମାନେ ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ କରିଅଛନ୍ତି; ଆଉ, ସେମାନଙ୍କର ରକ୍ତ ଧୂଳି ପରି ଓ ସେମାନଙ୍କର ମାଂସ ମଳ ପରି ଢଳା ଯିବ ।
\v 18 ପୁଣି, ସଦାପ୍ରଭୁଙ୍କ କ୍ରୋଧର ଦିନରେ ସେମାନଙ୍କର ରୂପା କିଅବା ସେମାନଙ୍କର ସୁନା ସେମାନଙ୍କୁ ଉଦ୍ଧାର କରି ପାରିବ ନାହିଁ; ମାତ୍ର ତାହାଙ୍କର ଅନ୍ତର୍ଜ୍ୱାଳାରୂପ ଅଗ୍ନିରେ ସମୁଦାୟ ଦେଶ ଗ୍ରାସିତ ହେବ; କାରଣ ସେ ଦେଶନିବାସୀ ସମସ୍ତଙ୍କୁ ନିଃଶେଷ କରିବେ, ହଁ, ଭୟାନକ ରୂପେ ନିଃଶେଷ କରିବେ ।
\s5
\c 2
\s ଯିହୁଦାର ଶତ୍ରୁମାନଙ୍କ ପ୍ରତି ବିଚାର
\p
\v 1 ହେ ଲଜ୍ଜାହୀନ ଗୋଷ୍ଠୀ, ତୁମ୍ଭେମାନେ ଏକତ୍ର ହୁଅ, ହଁ, ଏକତ୍ର ହୁଅ;
\v 2 ଆଜ୍ଞା ସଫଳ ହେବା ପୂର୍ବେ, ଦିନ ତୁଷ ପରି ଉଡ଼ିଯିବା ପୂର୍ବେ, ସଦାପ୍ରଭୁଙ୍କର ପ୍ରଚଣ୍ଡ କ୍ରୋଧ ତୁମ୍ଭମାନଙ୍କ ଉପରେ ଆସିବା ପୂର୍ବେ, ସଦାପ୍ରଭୁଙ୍କ କ୍ରୋଧର ଦିନ ତୁମ୍ଭମାନଙ୍କ ଉପରେ ଆସିବା ପୂର୍ବେ ଏକତ୍ର ହୁଅ ।
\v 3 ହେ ଦେଶସ୍ଥ ନମ୍ର ଲୋକମାନେ, ତାହାଙ୍କର ଶାସନ ପାଳନ କରିଅଛ ଯେ ତୁମ୍ଭେମାନେ, ତୁମ୍ଭେ ସମସ୍ତେ ସଦାପ୍ରଭୁଙ୍କର ଅନ୍ଵେଷଣ କର, ଧର୍ମର ଅନ୍ଵେଷଣ କର, ନମ୍ରତାର ଅନ୍ଵେଷଣ କର; ହୋଇପାରେ, ସଦାପ୍ରଭୁଙ୍କ କ୍ରୋଧର ଦିନରେ ତୁମ୍ଭେମାନେ ଗୁପ୍ତ ସ୍ଥାନରେ ରଖାଯିବ ।
\s5
\v 4 କାରଣ ଘସା ପରିତ୍ୟକ୍ତ ଓ ଅସ୍କିଲୋନ ଧ୍ୱଂସସ୍ଥାନ ହେବ ! ଅସଦୋଦ୍‍ ମଧ୍ୟାହ୍ନ ସମୟରେ ତାଡ଼ିତ ହେବ ଓ ଇକ୍ରୋଣ ମୂଳ ଉତ୍ପାଟିତ ହେବ ।
\v 5 ସମୁଦ୍ର କୂଳ ନିବାସୀଗଣ, କରେଥୀୟ ଗୋଷ୍ଠୀ ସନ୍ତାପର ପାତ୍ର । ହେ ପଲେଷ୍ଟୀୟମାନଙ୍କର ଦେଶ କିଣାନ, ତୁମ୍ଭମାନଙ୍କର ବିରୁଦ୍ଧରେ ସଦାପ୍ରଭୁଙ୍କର ବାକ୍ୟ ଅଛି; ଆମ୍ଭେ ତୁମ୍ଭକୁ ଉଚ୍ଛିନ୍ନ କରିବା, ତହିଁରେ ତୁମ୍ଭ ମଧ୍ୟରେ ନିବାସୀ କେହି ରହିବ ନାହିଁ ।
\s5
\v 6 ପୁଣି, ସମୁଦ୍ର କୂଳ ଚରା ସ୍ଥାନ, ମେଷପାଳକମାନଙ୍କର କୁଟୀର ଓ ମେଷପଲର ଖୁଆଡ଼ ହେବ ।
\v 7 ଆଉ, ସେହି ସମୁଦ୍ର କୂଳ ଯିହୁଦା ବଂଶର ଅବଶିଷ୍ଟାଂଶ ପାଇଁ ହେବ; ସେମାନେ ସେହି ସ୍ଥାନରେ ଆପଣା ଆପଣା ମେଷପଲ ଚରାଇବେ; ସନ୍ଧ୍ୟାକାଳରେ ସେମାନେ ଅସ୍କିଲୋନସ୍ଥିତ ନାନା ଗୃହରେ ଶୟନ କରିବେ; କାରଣ ସଦାପ୍ରଭୁ ସେମାନଙ୍କର ପରମେଶ୍ୱର ସେମାନଙ୍କର ତତ୍ତ୍ୱାବଧାନ କରିବେ ଓ ସେମାନଙ୍କର ବନ୍ଦୀତ୍ୱାବସ୍ଥା ପରିବର୍ତ୍ତନ କରିବେ ।
\s5
\v 8 ମୋୟାବର ଧିକ୍‍କାର ଓ ଅମ୍ମୋନ-ସନ୍ତାନଗଣ ଯେଉଁ ତିରସ୍କାର ବାକ୍ୟରେ ଆମ୍ଭର ଲୋକମାନଙ୍କୁ ଧିକ୍‍କାର କରିଅଛନ୍ତି ଓ ସେମାନଙ୍କ ସୀମାର ପ୍ରତିକୂଳରେ ଆପଣାମାନଙ୍କୁ ବଡ଼ କରିଅଛନ୍ତି, ତାହା ଆମ୍ଭେ ଶୁଣିଅଛୁ ।
\v 9 ଏଥିପାଇଁ ଇସ୍ରାଏଲର ପରମେଶ୍ୱର ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ଆମ୍ଭେ ଜୀବିତ ଥିବା ପ୍ରମାଣେ ନିଶ୍ଚୟ ମୋୟାବ ସଦୋମର ତୁଲ୍ୟ ଓ ଅମ୍ମୋନସନ୍ତାନଗଣ ହମୋରାର ତୁଲ୍ୟ, ବିଛୁଆତି ଗଛର ଆଶ୍ରୟ ଓ ଲବଣର ଆକର ଓ ଚିରକାଳ ଧ୍ୱଂସସ୍ଥାନ ହେବ; ଆମ୍ଭ ଲୋକମାନଙ୍କର ଶେଷାଂଶ ସେମାନଙ୍କୁ ଲୁଟିବେ ଓ ଆମ୍ଭ ଗୋଷ୍ଠୀର ଅବଶିଷ୍ଟାଂଶ ସେମାନଙ୍କୁ ଅଧିକାର କରିବେ ।
\s5
\v 10 ସେମାନେ ଆପଣାମାନଙ୍କର ଅହଙ୍କାର ସକାଶୁ ଏହିରୂପ ପ୍ରତିଫଳ ପାଇବେ, କାରଣ ସେମାନେ ସୈନ୍ୟାଧିପତି ସଦାପ୍ରଭୁଙ୍କର ଲୋକମାନଙ୍କୁ ଧିକ୍‍କାର କରି ସେମାନଙ୍କ ପ୍ରତିକୂଳରେ ଆପଣାମାନଙ୍କୁ ବଡ଼ କରିଅଛନ୍ତି ।
\v 11 ସଦାପ୍ରଭୁ ସେମାନଙ୍କ ପ୍ରତି ଭୟଙ୍କର ହେବେ; କାରଣ ସେ ପୃଥିବୀସ୍ଥ ଯାବତୀୟ ଦେବତାକୁ କ୍ଷୀଣ କରିବେ; ପୁଣି, ଲୋକମାନେ ଓ ଗୋଷ୍ଠୀଗଣର ଦ୍ୱୀପସକଳ ଆପଣା ଅପାଣା ସ୍ଥାନରୁ ତାହାକୁ ପ୍ରଣାମ କରିବେ ।
\s5
\v 12 ହେ କୂଶୀୟ ଲୋକ, ତୁମ୍ଭେମାନେ ମଧ୍ୟ ଆମ୍ଭ ଖଡ଼୍‍ଗ ଦ୍ୱାରା ହତ ହେବ ।
\v 13 ପୁଣି, ସେ ଉତ୍ତର ଦିଗର ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରିବେ ଓ ଅଶୂରକୁ ବିନଷ୍ଟ କରିବେ । ଆଉ, ସେ ନୀନିବୀକୁ ଧ୍ୱଂସସ୍ଥାନ ଓ ପ୍ରାନ୍ତର ପରି ଶୁଷ୍କ କରିବେ ।
\v 14 ଆଉ, ତହିଁ ମଧ୍ୟରେ ପଶୁପଲ ଓ ଗୋଷ୍ଠୀଗଣର ଯାବତୀୟ ପଶୁ ଶୟନ କରିବେ; ପାଣିଭେଳା ପକ୍ଷୀ ଓ ଝିଙ୍କ ଜନ୍ତୁ ତହିଁର ସ୍ତମ୍ଭମାନର ମଥାଣି ଉପରେ ରାତ୍ରି କ୍ଷେପଣ କରିବେ; ଝରକାରେ ସେମାନଙ୍କ ରବ ଶୁଣାଯିବ; ଚୌକାଠର ଉପରେ ଉଚ୍ଛିନ୍ନତା ରହିବ; କାରଣ ସେ ତାହାର ଏରସ କାଷ୍ଠର କର୍ମ ଅନାବୃତ କରିଅଛନ୍ତି ।
\s5
\v 15 ଯେଉଁ ନଗରୀ ନିଶ୍ଚିନ୍ତ ରୂପେ ବାସ କରି ମନେ ମନେ କହିଥିଲା, ମୁଁ ଅଛି, ମୋ' ଛଡ଼ା ଆଉ କେହି ନାହିଁ, ସେହି ଉଲ୍ଲାସକାରିଣୀ ନଗରୀ ଏହି; ସେ କିପରି ଧ୍ୱଂସିତ ଓ ପଶୁମାନଙ୍କର ଶୟନ ସ୍ଥାନ ହୋଇଅଛି ! ଯେକେହି ତହିଁର ନିକଟ ଦେଇ ଯିବ, ସେ ଶୀଷ୍‍ ଶବ୍ଦ କରି ଆପଣା ହାତ ହଲାଇବ ।
\s5
\c 3
\p
\v 1 ଯିରୂଶାଲମ ଓ ଗୋଷ୍ଠୀଗଣଙ୍କ ପ୍ରତି ବିଚାର ଉପଦ୍ରବକାରିଣୀ ଯେଉଁ ନଗରୀ ବିଦ୍ରୋହିଣୀ ଓ ଭ୍ରଷ୍ଟା ହୋଇଅଛି, ସେ ସନ୍ତାପର ପାତ୍ରୀ ।
\v 2 ସେ ରବ ଶୁଣିଲା ନାହିଁ; ସେ ଶିକ୍ଷା ଗ୍ରହଣ କଲା ନାହିଁ; ସେ ସଦାପ୍ରଭୁଙ୍କଠାରେ ନିର୍ଭର ରଖିଲା ନାହିଁ; ସେ ଆପଣା ପରମେଶ୍ୱରଙ୍କ ନିକଟକୁ ଆସିଲା ନାହିଁ ।
\s5
\v 3 ତାହାର ମଧ୍ୟସ୍ଥିତ ଅଧିପତିଗଣ ଗର୍ଜନକାରୀ ସିଂହ ସଦୃଶ୍ୟ; ତାହାର ବିଚାରକର୍ତ୍ତାଗଣ ସନ୍ଧ୍ୟାକାଳୀନ କେନ୍ଦୁଆ ତୁଲ୍ୟ; ସେମାନେ ସକାଳ ବେଳାକୁ କିଛି ରଖନ୍ତି ନାହିଁ ।
\v 4 ତାହାର ଭବିଷ୍ୟଦ୍‍ବକ୍ତାମାନେ ଅସାର ଓ ବିଶ୍ୱାସଘାତକ ଅଟନ୍ତି; ତାହାର ଯାଜକଗଣ ପବିତ୍ର ବିଷୟକୁ ଅପବିତ୍ର କରିଅଛନ୍ତି, ସେମାନେ ବ୍ୟବସ୍ଥା ପ୍ରତି ଦୌରାତ୍ମ୍ୟ କରିଅଛନ୍ତି ।
\s5
\v 5 ତାହାର ମଧ୍ୟବର୍ତ୍ତୀ ସଦାପ୍ରଭୁ ଧାର୍ମିକ ଅଟନ୍ତି; ସେ ଅଧର୍ମ କରିବେ ନାହିଁ; ପ୍ରତି ପ୍ରଭାତ ସେ ଆପଣା ବିଚାର ଆଲୁଅରେ ସ୍ଥାପନ କରନ୍ତି, ସେ ତ୍ରୁଟି କରନ୍ତି ନାହିଁ; ମାତ୍ର ଅନ୍ୟାୟକାରୀ ଲୋକ ଲଜ୍ଜା ଜାଣେ ନାହିଁ ।
\s5
\v 6 ଆମ୍ଭେ ଗୋଷ୍ଠୀଗଣକୁ ଉଚ୍ଛିନ୍ନ କରିଅଛୁ, ସେମାନଙ୍କର ଦୁର୍ଗସକଳ ଧ୍ୱଂସିତ ହୋଇଅଛି; ଆମ୍ଭେ ସେମାନଙ୍କର ପଥସକଳ ଧ୍ୱଂସ କରିଅଛୁ, ତାହା ଦେଇ କେହି ଗମନାଗମନ କରେ ନାହିଁ; ସେମାନଙ୍କର ନଗରସକଳ ଏପରି ବିନଷ୍ଟ ହୋଇଅଛି ଯେ, ତହିଁରେ କୌଣସି ମନୁଷ୍ୟ ଓ ବାସକାରୀ କେହି ନାହିଁ ।
\v 7 ଆମ୍ଭେ କହିଲୁ, ତୁମ୍ଭେ ଅବଶ୍ୟ ଆମ୍ଭକୁ ଭୟ କରିବ, ତୁମ୍ଭେ ଶିକ୍ଷା ଗ୍ରହଣ କରିବ; ତହିଁରେ ତାହାର ବିରୁଦ୍ଧରେ ଆମ୍ଭର ସକଳ ନିରୂପଣ ଅନୁସାରେ ତାହାର ନିବାସ-ସ୍ଥାନ ଉଚ୍ଛିନ୍ନ ହେବ ନାହିଁ; ମାତ୍ର ସେମାନେ ଅତି ପ୍ରଭାତରେ ଉଠି ଆପଣାମାନଙ୍କର କ୍ରିୟାସବୁକୁ ଭ୍ରଷ୍ଟ କଲେ ।
\s5
\v 8 ଏହେତୁ ସଦାପ୍ରଭୁ କହନ୍ତି, ଆମ୍ଭେ ଲୁଟିବା ପାଇଁ ଉଠିବା ଦିନ ପର୍ଯ୍ୟନ୍ତ ତୁମ୍ଭେମାନେ ଆମ୍ଭ ଅପେକ୍ଷାରେ ଥାଅ; କାରଣ ଆମ୍ଭେ ଆପଣା କୋପ ଓ ପ୍ରଚଣ୍ଡ କ୍ରୋଧ ରାଜ୍ୟସକଳର ଉପରେ ଢାଳିବା ନିମନ୍ତେ ଯେପରି ସେମାନଙ୍କୁ ଏକତ୍ର କରିବା, ଏଥିପାଇଁ ଗୋଷ୍ଠୀଗଣକୁ ସଂଗ୍ରହ କରିବାକୁ ଆମ୍ଭର ସ୍ଥିର ବିଚାର ଅଛି; କାରଣ ଆମ୍ଭର ଅନ୍ତର୍ଜ୍ୱାଳାରୂପ ଅଗ୍ନିରେ ସମୁଦାୟ ପୃଥିବୀ ଗ୍ରାସିତ ହେବ ।
\s ଗୋଷ୍ଠୀଗଣଙ୍କ ପରିବର୍ତ୍ତନ
\p
\s5
\v 9 ଯେହେତୁ ଗୋଷ୍ଠୀଗଣ ଯେପରି ସଦାପ୍ରଭୁଙ୍କ ନାମରେ ପ୍ରାର୍ଥନା କରିବେ ଓ ଏକମନରେ ତାହାଙ୍କର ସେବା କରିବେ, ଏଥିପାଇଁ ସେହି ସମୟରେ ଆମ୍ଭେ ସେମାନଙ୍କୁ ଏକ ବିଶୁଦ୍ଧ ଭାଷା ଦେବା ।
\v 10 ଆମ୍ଭର ପ୍ରାର୍ଥନାକାରୀମାନେ ଓ ଆମ୍ଭ ଛିନ୍ନଭିନ୍ନ (ଲୋକଙ୍କର) କନ୍ୟା କୂଶ ଦେଶସ୍ଥ ନଦୀସବୁର ସେପାରିରୁ ଆମ୍ଭର ନୈବେଦ୍ୟ ଆଣିବେ ।
\v 11 ତୁମ୍ଭେ ଆପଣାର ଯେଉଁ ସବୁ କ୍ରିୟାରେ ଆମ୍ଭର ଆଜ୍ଞା ଲଙ୍ଘନ କରିଅଛ, ତହିଁ ସକାଶୁ ସେହି ଦିନ ତୁମ୍ଭେ ଲଜ୍ଜିତ ନୋହିବ; କାରଣ ସେସମୟରେ ଆମ୍ଭେ ତୁମ୍ଭ ମଧ୍ୟରୁ ତୁମ୍ଭର ଦର୍ପଯୁକ୍ତ ଉଲ୍ଲାସକାରୀମାନଙ୍କୁ ଦୂର କରିବା ଓ ତୁମ୍ଭେ ଆମ୍ଭ ପବିତ୍ର ପର୍ବତରେ ଆଉ ଅହଙ୍କାରୀ ନୋହିବ ।
\s5
\v 12 ମାତ୍ର ଆମ୍ଭେ ତୁମ୍ଭ ମଧ୍ୟରେ କ୍ଳେଶଯୁକ୍ତ ଓ ଦରିଦ୍ର ଏକ ଗୋଷ୍ଠୀକୁ ରଖିବା, ଆଉ ସେମାନେ ସଦାପ୍ରଭୁଙ୍କ ନାମରେ ନିର୍ଭର ରଖିବେ ।
\v 13 ଇସ୍ରାଏଲର ଅବଶିଷ୍ଟାଂଶ ଲୋକମାନେ ଅଧର୍ମ କରିବେ ନାହିଁ, କିଅବା ମିଥ୍ୟା କହିବେ ନାହିଁ; ଅଥବା ପ୍ରତାରକ ଜିହ୍ୱା ସେମାନଙ୍କ ମୁଖରେ ଦେଖାଯିବ ନାହିଁ; କାରଣ ସେମାନେ ଚରିବେ ଓ ଶୟନ କରିବେ, ଆଉ କେହି ସେମାନଙ୍କୁ ଭୟ ଦେଖାଇବ ନାହିଁ ।
\s ଇସ୍ରାଏଲର ଆନନ୍ଦ ଓ ପୁନଃରୁଦ୍ଧାର
\p
\s5
\v 14 ଗୋ ସିୟୋନ କନ୍ୟେ, ଗାନ କର; ହେ ଇସ୍ରାଏଲ, ଜୟଧ୍ୱନି କର; ଗୋ ଯିରୂଶାଲମ କନ୍ୟେ, ଆନନ୍ଦ କର ଓ ସର୍ବାନ୍ତଃକରଣରେ ଉଲ୍ଲାସ କର ।
\v 15 ସଦାପ୍ରଭୁ ତୁମ୍ଭର ଦଣ୍ଡସବୁ ଦୂର କରିଅଛନ୍ତି, ସେ ତୁମ୍ଭର ଶତ୍ରୁକୁ ଦୂର କରିଅଛନ୍ତି; ଇସ୍ରାଏଲର ରାଜା ସଦାପ୍ରଭୁ ତୁମ୍ଭ ମଧ୍ୟବର୍ତ୍ତୀ ଅଛନ୍ତି, ତୁମ୍ଭେ ଆଉ ଅମଙ୍ଗଳର ଭୟ ପାଇବ ନାହିଁ ।
\v 16 ସେହି ଦିନ ଯିରୂଶାଲମକୁ କୁହାଯିବ, ତୁମ୍ଭେ ଭୟ କର ନାହିଁ; ହେ ସିୟୋନ, ତୁମ୍ଭର ହସ୍ତ ଶିଥିଳ ନ ହେଉ ।
\s5
\v 17 ସଦାପ୍ରଭୁ ତୁମ୍ଭର ପରମେଶ୍ୱର ତୁମ୍ଭର ମଧ୍ୟବର୍ତ୍ତୀ ଅଟନ୍ତି, ସେ ବୀର, ଯେ କି ପରିତ୍ରାଣ କରିବେ; ସେ ତୁମ୍ଭ ବିଷୟରେ ପରମ ଆନନ୍ଦ କରିବେ, ସେ ଆପଣା ସ୍ନେହଭରରେ ନୀରବ ହେବେ, ସେ ଗାନ କରି ତୁମ୍ଭ ବିଷୟରେ ଉଲ୍ଲାସ କରିବେ ।
\v 18 ତୁମ୍ଭର ଯେଉଁ ଲୋକମାନେ ମହାସଭା ବିଷୟରେ ଶୋଚନା କରନ୍ତି, ସେମାନଙ୍କୁ ଆମ୍ଭେ ଏକତ୍ର କରିବା; ତାହାର ଭାର ସେମାନଙ୍କ ପ୍ରତି ଲଜ୍ଜାର ବିଷୟ ଥିଲା ।
\s5
\v 19 ଦେଖ, ଯେଉଁମାନେ ତୁମ୍ଭକୁ କ୍ଳେଶ ଦିଅନ୍ତି, ସେହି ସମସ୍ତଙ୍କ ପ୍ରତି ସେହି ସମୟରେ ଆମ୍ଭେ ଉପଯୁକ୍ତ ବ୍ୟବହାର କରିବା; ପୁଣି, ଆମ୍ଭେ ଆଘାତପ୍ରାପ୍ତ ଲୋକଙ୍କୁ ପରିତ୍ରାଣ କରିବା ଓ ଯେ ତାଡ଼ିତା ହୋଇଥିଲା, ତାହାକୁ ସଂଗ୍ରହ କରିବା; ଆଉ, ଯେଉଁମାନଙ୍କର ଲଜ୍ଜା ସମୁଦାୟ ପୃଥିବୀରେ ବ୍ୟାପିଥିଲା, ଆମ୍ଭେ ସେମାନଙ୍କୁ ପ୍ରଶଂସାର ଓ ଯଶର ପାତ୍ର କରିବା ।
\v 20 ସେସମୟରେ ଆମ୍ଭେ ତୁମ୍ଭମାନଙ୍କୁ ଆଣିବା ଓ ସେହି ସମୟରେ ଆମ୍ଭେ ତୁମ୍ଭମାନଙ୍କୁ ସଂଗ୍ରହ କରିବା; କାରଣ ଆମ୍ଭେ ତୁମ୍ଭମାନଙ୍କ ଦୃଷ୍ଟିଗୋଚରରେ ତୁମ୍ଭମାନଙ୍କର ବନ୍ଦୀତ୍ୱାବସ୍ଥା ପରିବର୍ତ୍ତନ କରିବା ସମୟରେ ପୃଥିବୀସ୍ଥ ଯାବତୀୟ ଗୋଷ୍ଠୀ ମଧ୍ୟରେ ତୁମ୍ଭମାନଙ୍କୁ ସୁଖ୍ୟାତି ଓ ପ୍ରଶଂସାର ପାତ୍ର କରିବା, ଏହା ସଦାପ୍ରଭୁ କହନ୍ତି ।

79
37-HAG.usfm Normal file
View File

@ -0,0 +1,79 @@
\id HAG
\ide UTF-8
\sts - Old OdiaVersion Revision
\rem - Copyright Information: Creative Commons Attribution - ShareAlike 4.0 licence
\h - ହାଗୟ
\toc1 - ହାଗୟ ଭବିଷ୍ୟଦ୍‍ବକ୍ତାଙ୍କ ପୁସ୍ତକ
\toc2 - ହାଗୟ
\toc3 hag
\mt1 ହାଗୟ ଭବିଷ୍ୟଦ୍‍ବକ୍ତାଙ୍କ ପୁସ୍ତକ
\mt2 THE BOOK OF PROPHET
\s5
\c 1
\s ମନ୍ଦିର ପୁନଃନିର୍ମାଣ ନିମନ୍ତେ ଆଦେଶ
\p
\v 1 ଦାରୀୟାବସ୍‍ ରାଜାର ଅଧିକାରର ଦ୍ୱିତୀୟ ବର୍ଷର ଷଷ୍ଠ ମାସର ପ୍ରଥମ ଦିନରେ ହାଗୟ ଭବିଷ୍ୟଦ୍‍ବକ୍ତାଙ୍କ ଦ୍ୱାରା ସଦାପ୍ରଭୁଙ୍କର ଏହି ବାକ୍ୟ ଶଲ୍‍ଟୀୟର ପୁତ୍ର ଯିରୁବ୍ବାବିଲ ନାମକ ଯିହୁଦୀୟ ଦେଶାଧ୍ୟକ୍ଷର ନିକଟରେ ଓ ଯିହୋଷାଦକର ପୁତ୍ର ଯିହୋଶୂୟ ମହାଯାଜକର ନିକଟରେ ଉପସ୍ଥିତ ହେଲା,
\v 2 ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ଏହି ଲୋକମାନେ କହୁଅଛନ୍ତି, ଆମ୍ଭମାନଙ୍କର ଆସିବାର ଓ ସଦାପ୍ରଭୁଙ୍କ ଗୃହ ନିର୍ମିତ ହେବାର ସମୟ ଉପସ୍ଥିତ ହୋଇ ନାହିଁ ।
\s5
\v 3 ସେତେବେଳେ ହାଗୟ ଭବିଷ୍ୟଦ୍‍ବକ୍ତାଙ୍କ ଦ୍ୱାରା ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା,
\v 4 ଏହି ଗୃହ ଭଗ୍ନ ଅବସ୍ଥାରେ ଥାଉ ଥାଉ ତୁମ୍ଭମାନଙ୍କର ନିଜର ଫଳକ ମଣ୍ଡିତ ଗୃହରେ ବାସ କରିବାର କି ସମୟ ଏହି ?
\v 5 ଏହେତୁ ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭେମାନେ ଆପଣା ଆପଣା ପଥ ବିବେଚନା କର ।
\v 6 ତୁମ୍ଭେମାନେ ବହୁତ ବୁଣିଅଛ, ମାତ୍ର ଅଳ୍ପ ସଞ୍ଚୟ କରୁଅଛ; ତୁମ୍ଭେମାନେ ଭୋଜନ କରୁଅଛ, ମାତ୍ର ସନ୍ତୁଷ୍ଟ ହେଉ ନାହଁ; ତୁମ୍ଭେମାନେ ପାନ କରୁଅଛ, ମାତ୍ର ତହିଁରେ ତୃପ୍ତ ହେଉ ନାହଁ; ତୁମ୍ଭେମାନେ ବସ୍ତ୍ର ପିନ୍ଧୁଅଛ, ମାତ୍ର କେହି ଉଷ୍ମ ହେଉ ନାହଁ; ପୁଣି, ଯେ ବେତନ ଅର୍ଜନ କରେ, ସେ କଣା ଥଳୀରେ ତାହା ରଖିବା ପାଇଁ ଅର୍ଜନ କରେ ।
\s5
\v 7 ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭେମାନେ ଆପଣା ଆପଣା ପଥ ବିବେଚନା କର ।
\v 8 ତୁମ୍ଭେମାନେ ପର୍ବତକୁ ଯାଇ କାଷ୍ଠ ଆଣ ଓ ଏହି ଗୃହ ନିର୍ମାଣ କର; ତହିଁରେ ଆମ୍ଭେ ତହିଁ ପ୍ରତି ପ୍ରସନ୍ନ ହେବା ଓ ଆମ୍ଭେ ଗୌରବାନ୍ୱିତ ହେବା, ଏହା ସଦାପ୍ରଭୁ କହନ୍ତି ।
\v 9 ତୁମ୍ଭେମାନେ ବହୁତ ନିମନ୍ତେ ଅପେକ୍ଷା କଲ, ଆଉ ଦେଖ, ତାହା ଅଳ୍ପ ହେଲା; ପୁଣି, ତାହା ଗୃହକୁ ଆଣିଲା ବେଳେ ଆମ୍ଭେ ତହିଁ ଉପରେ ଫୁଙ୍କି ଉଡ଼ାଇ ଦେଲୁ । ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ଏହାର କାରଣ କଅଣ ? ଏହି, ଆମ୍ଭର ଗୃହ ଭଗ୍ନ ହୋଇ ପଡ଼ିଅଛି, ମାତ୍ର ତୁମ୍ଭେମାନେ ପ୍ରତ୍ୟେକ ଜଣ ଆପଣା ଆପଣା ଗୃହ ବିଷୟରେ ଦୌଡ଼ୁଅଛ ।
\s5
\v 10 ଏଥିପାଇଁ ତୁମ୍ଭମାନଙ୍କ ସକାଶୁ ଆକାଶ ଶିଶିରରହିତ ହୋଇଅଛି ଓ ପୃଥିବୀ ଆପଣା ଫଳରହିତ ହୋଇଅଛି ।
\v 11 ପୁଣି, ଆମ୍ଭେ ଦେଶର ଓ ପର୍ବତଗଣର ଉପରେ, ଆଉ ଶସ୍ୟ, ଦ୍ରାକ୍ଷାରସ ଓ ତୈଳ ଉପରେ, ଆଉ ଭୂମିର ଉତ୍ପନ୍ନ ବସ୍ତୁ ଉପରେ ମନୁଷ୍ୟ ଓ ପଶୁର ଉପରେ, ପୁଣି ହସ୍ତକୃତ ସମସ୍ତ କାର୍ଯ୍ୟ ଉପରେ ମାରୁଡ଼ିକୁ ଆହ୍ୱାନ କଲୁ ।
\s ଲୋକଙ୍କର ପରମେଶ୍ୱରଙ୍କ ଆଦେଶ ପାଳନ
\p
\s5
\v 12 ସେତେବେଳେ ଶଲ୍‍ଟୀୟେଲଙ୍କ ପୁତ୍ର ଯିରୁବ୍ବାବିଲ ଓ ଯିହୋଷାଦକଙ୍କ ପୁତ୍ର ଯିହୋଶୂୟ ମହାଯାଜକ ଓ ଲୋକମାନଙ୍କର ଅବଶିଷ୍ଟାଂଶ ସମସ୍ତେ ସଦାପ୍ରଭୁ ସେମାନଙ୍କ ପରମେଶ୍ୱରଙ୍କ ରବରେ ଓ ସଦାପ୍ରଭୁ ସେମାନଙ୍କ ପରମେଶ୍ୱର ହାଗୟ ଭବିଷ୍ୟଦ୍‍ବକ୍ତାଙ୍କ ନିକଟକୁ ଯେଉଁ ସବୁ ବାକ୍ୟ ପ୍ରେରଣ କରିଥିଲେ, ସେହିସବୁରେ ମନୋଯୋଗ କଲେ; ଆଉ, ଲୋକମାନେ ସଦାପ୍ରଭୁଙ୍କ ଛାମୁରେ ଭୀତ ହେଲେ ।
\v 13 ତହିଁରେ ସଦାପ୍ରଭୁଙ୍କର ଦୂତ ହାଗୟ ଲୋକମାନଙ୍କୁ ସଦାପ୍ରଭୁଙ୍କର ସମ୍ବାଦ ଜଣାଇ କହିଲେ, ସଦାପ୍ରଭୁ କହନ୍ତି, ଆମ୍ଭେ ତୁମ୍ଭମାନଙ୍କର ସଙ୍ଗେ ସଙ୍ଗେ ଅଛୁ ।
\s5
\v 14 ପୁଣି, ସଦାପ୍ରଭୁ ଶଲ୍‍ଟୀୟେଲଙ୍କ ପୁତ୍ର ଯିହୁଦୀୟ ଦେଶାଧ୍ୟକ୍ଷ ଯିରୁବ୍ବାବିଲଙ୍କ ଆତ୍ମାକୁ ଓ ଯିହୋଷାଦକଙ୍କ ପୁତ୍ର ଯିହୋଶୂୟ ମହାଯାଜକଙ୍କ ଆତ୍ମାକୁ, ଆଉ ଲୋକମାନଙ୍କର ଅବଶିଷ୍ଟାଂଶ ସମସ୍ତଙ୍କର ଆତ୍ମାକୁ ଉତ୍ତେଜିତ କଲେ; ତହିଁରେ ସେମାନେ ଦାରୀୟାବସ୍‍ ରାଜାର ଅଧିକାରର ଦ୍ୱିତୀୟ ବର୍ଷର ଷଷ୍ଠ ମାସର ଚତୁର୍ବିଂଶ ଦିନରେ ଆସି,
\v 15 ସୈନ୍ୟାଧିପତି ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କ ଗୃହରେ କାର୍ଯ୍ୟ କଲେ ।
\s5
\c 2
\s ନୂତନ ମନ୍ଦିରର ଐଶ୍ୱର୍ଯ୍ୟ
\p
\v 1 ସପ୍ତମ ମାସ, ମାସର ଏକବିଂଶ ଦିନରେ ହାଗୟ ଭବିଷ୍ୟଦ୍‍ବକ୍ତାଙ୍କ ଦ୍ୱାରା ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା,
\v 2 ଏବେ ଶଲ୍‍ଟୀୟେଲଙ୍କ ପୁତ୍ର ଯିହୁଦୀୟ ଦେଶାଧ୍ୟକ୍ଷ ଯିରୁବ୍ବାବିଲଙ୍କୁ ଓ ଯିହୋଷାଦକଙ୍କ ପୁତ୍ର ଯିହୋଶୂୟ ମହାଯାଜକଙ୍କୁ ଓ ଲୋକମାନଙ୍କର ଅବଶିଷ୍ଟାଂଶକୁ କୁହ,
\s5
\v 3 ଏହି ଗୃହକୁ ତାହାର ପୂର୍ବ ଐଶ୍ୱର୍ଯ୍ୟାବସ୍ଥାରେ ଯେ ଦେଖିଲା, ତୁମ୍ଭମାନଙ୍କ ମଧ୍ୟରେ ଏପରି ଅବଶିଷ୍ଟ କିଏ ଅଛି ? ତେବେ, ବର୍ତ୍ତମାନ ତୁମ୍ଭେମାନେ ତାହା କି ପ୍ରକାର ଦେଖୁଅଛ ? ତାହା କି ତୁମ୍ଭମାନଙ୍କ ଦୃଷ୍ଟିରେ ଅବସ୍ତୁ ତୁଲ୍ୟ ନୁହେଁ ?
\v 4 ତଥାପି ସଦାପ୍ରଭୁ କହନ୍ତି, ହେ ଯିରୁବ୍ବାବିଲ, ତୁମ୍ଭେ ଏବେ ବଳବାନ୍ ହୁଅ; ଆଉ, ହେ ଯିହୋଷାଦକର ପୁତ୍ର ଯିହୋଶୂୟ ମହାଯାଜକ, ତୁମ୍ଭେ ବଳବାନ୍ ହୁଅ; ପୁଣି, ହେ ଦେଶସ୍ଥ ଲୋକ ସମସ୍ତେ, ତୁମ୍ଭେମାନେ ବଳବାନ୍ ହୁଅ ଓ କାର୍ଯ୍ୟ କର, ଏହା ସଦାପ୍ରଭୁ କହନ୍ତି;
\v 5 କାରଣ ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ତୁମ୍ଭେମାନେ ମିସର ଦେଶରୁ ବାହାରି ଆସିବା ବେଳେ ଓ ଆମ୍ଭ ଆତ୍ମା ତୁମ୍ଭମାନଙ୍କ ମଧ୍ୟରେ ଅଧିଷ୍ଠାନ କରିବା ବେଳେ ଆମ୍ଭେ ତୁମ୍ଭମାନଙ୍କ ସହିତ ଯେଉଁ ନିୟମ ସ୍ଥିର କଲୁ, ସେହି ନିୟମର ବାକ୍ୟ ପ୍ରମାଣେ ଆମ୍ଭେ ତୁମ୍ଭମାନଙ୍କ ସଙ୍ଗେ ସଙ୍ଗେ ଅଛୁ; ତୁମ୍ଭେମାନେ ଭୟ କର ନାହିଁ ।
\s5
\v 6 କାରଣ ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି; ଆଉ ଥରେ ଅଳ୍ପ କାଳ ମଧ୍ୟରେ ଆମ୍ଭେ ଆକାଶମଣ୍ଡଳ, ପୃଥିବୀ, ସମୁଦ୍ର ଓ ଶୁଷ୍କଭୂମିକି ହଲାଇବା;
\v 7 ପୁଣି, ଆମ୍ଭେ ସକଳ ଗୋଷ୍ଠୀଙ୍କୁ ହଲାଇବା, ଆଉ ସମସ୍ତ ଗୋଷ୍ଠୀର ବାଞ୍ଛନୀୟ ବିଷୟସକଳ ଆସିବ, ପୁଣି ଆମ୍ଭେ ଏହି ଗୃହକୁ ଐଶ୍ୱର୍ଯ୍ୟରେ ପରିପୂର୍ଣ୍ଣ କରିବା, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି ।
\s5
\v 8 ରୂପା ଆମ୍ଭର ଓ ସୁନା ଆମ୍ଭର, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି ।
\v 9 ଏହି ଗୃହର ପୂର୍ବ କାଳର ଐଶ୍ୱର୍ଯ୍ୟ ଅପେକ୍ଷା ଶେଷ କାଳର ଐଶ୍ୱର୍ଯ୍ୟ ଅଧିକ ଗୁରୁତର ହେବ, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି; ପୁଣି, ଏହି ସ୍ଥାନରେ ଆମ୍ଭେ ଶାନ୍ତି ପ୍ରଦାନ କରିବା, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି ।
\s ଅଶୁଚି ଲୋକଙ୍କ ନିମନ୍ତେ ଆଶୀର୍ବାଦ
\p
\s5
\v 10 ଦାରୀୟାବସ୍‍ର ଅଧିକାରର ଦ୍ୱିତୀୟ ବର୍ଷର ନବମ ମାସର ଚତୁର୍ବିଂଶ ଦିନରେ ହାଗୟ ଭବିଷ୍ୟଦ୍‍ବକ୍ତାଙ୍କ ଦ୍ୱାରା ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା, ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି;
\v 11 ଏବେ ଯାଜକମାନଙ୍କୁ ବ୍ୟବସ୍ଥା ବିଷୟ ପଚାର, କୁହ,
\v 12 କେହି ଆପଣା ବସ୍ତ୍ରର ଅଞ୍ଚଳରେ ପବିତ୍ର ମାଂସ ବହିଲେ, ଯଦି ତାହାର ଅଞ୍ଚଳ ରୁଟି କିମ୍ବା ଝୋଳ କି ଦ୍ରାକ୍ଷାରସ କିଅବା ତୈଳ ଅଥବା କୌଣସି ପ୍ରକାର ଖାଦ୍ୟ ଦ୍ରବ୍ୟକୁ ସ୍ପର୍ଶ କରେ, ତେବେ ତାହା କି ପବିତ୍ର ହେବ ? ତହିଁରେ ଯାଜକମାନେ ଉତ୍ତର କରି କହିଲେ, ନା ।
\s5
\v 13 ସେତେବେଳେ ହାଗୟ କହିଲେ, ଶବ ଦ୍ୱାରା ଅଶୁଚି ହୋଇଥିବା କୌଣସି ଲୋକ ଯଦି ଏହି ଦ୍ରବ୍ୟମାନର ମଧ୍ୟରୁ କୌଣସି ଦ୍ରବ୍ୟ ସ୍ପର୍ଶ କରେ, ତେବେ ତାହା କି ଅଶୁଚି ହେବ ? ତହିଁରେ ଯାଜକମାନେ ଉତ୍ତର କରି କହିଲେ, ତାହା ଅଶୁଚି ହେବ ।
\v 14 ତେବେ ହାଗୟ ଉତ୍ତର କରି କହିଲେ, ସଦାପ୍ରଭୁ କହନ୍ତି, ଆମ୍ଭ ସାକ୍ଷାତରେ ଏହି ଲୋକମାନେ ଓ ଏହି ଗୋଷ୍ଠୀ ତଦ୍ରୂପ ଅଟନ୍ତି ଓ ସେମାନଙ୍କର ହସ୍ତକୃତ ଯାବତୀୟ କର୍ମ ତଦ୍ରୂପ ଅଟେ; ଆଉ, ସେହି ସ୍ଥାନରେ ଯାହା ସେମାନେ ଉତ୍ସର୍ଗ କରନ୍ତି, ତାହା ଅଶୁଚି ଅଟେ ।
\s5
\v 15 ଏବେ ଆମ୍ଭେ ତୁମ୍ଭମାନଙ୍କୁ ବିନତି କରୁ, ଆଜି ଦିନର ପୂର୍ବ, ଅର୍ଥାତ୍‍, ସଦାପ୍ରଭୁଙ୍କ ମନ୍ଦିରରେ ପ୍ରସ୍ତର ଉପରେ ପ୍ରସ୍ତର ସ୍ଥାପିତ ହେବା ପୂର୍ବ ଦିନସକଳ ବିବେଚନା କର;
\v 16 ସେହି ସକଳ ସମୟରେ କେହି କୋଡିଏ ପରିମାଣବିଶିଷ୍ଟ ଶସ୍ୟ ଗଦା ନିକଟକୁ ଆସିଲେ, କେବଳ ତହିଁର ଦଶ ପରିମାଣ ହେଲା; କେହି ଦ୍ରାକ୍ଷାରସ କୁଣ୍ଡରୁ ପଚାଶ ପାତ୍ର ନେବାକୁ ଆସିଲେ, କେବଳ ତହିଁର କୋଡିଏ ପାତ୍ର ହେଲା ।
\v 17 ଆମ୍ଭେ ଶସ୍ୟର ଶୋଷ ଓ ମ୍ଳାନି ଓ ଶିଳାବୃଷ୍ଟି ଦ୍ୱାରା ତୁମ୍ଭମାନଙ୍କ ହସ୍ତର ଯାବତୀୟ କାର୍ଯ୍ୟରେ ତୁମ୍ଭମାନଙ୍କୁ ଆଘାତ କଲୁ; ତଥାପି ତୁମ୍ଭେମାନେ ଆମ୍ଭ ପ୍ରତି ଫେରିଲ ନାହିଁ, ଏହା ସଦାପ୍ରଭୁ କହନ୍ତି ।
\s5
\v 18 ଆମ୍ଭେ ତୁମ୍ଭମାନଙ୍କୁ ବିନତି କରୁ, ଆଜି ଦିନ ଓ ତହିଁର ପୂର୍ବ ଦିନଠାରୁ ବିବେଚନା କର, ନବମ ମାସର ଚତୁର୍ବିଂଶ ଦିନରେ ସଦାପ୍ରଭୁଙ୍କ ମନ୍ଦିରର ଭିତ୍ତିମୂଳ ସ୍ଥାପନ ଦିନଠାରୁ ବିବେଚନା କର ।
\v 19 ଅମାରରେ କି ଏପର୍ଯ୍ୟନ୍ତ ଶସ୍ୟ ଅଛି ? ଯେପରି ଏପର୍ଯ୍ୟନ୍ତ ଦ୍ରାକ୍ଷାଲତା ଓ ଡିମିରି ବୃକ୍ଷର, ଡାଳିମ୍ବ ଓ ଜୀତ ବୃକ୍ଷର ଫଳ ଫଳି ନାହିଁ; ମାତ୍ର ଆଜିଠାରୁ ଆମ୍ଭେ ତୁମ୍ଭମାନଙ୍କୁ ଆଶୀର୍ବାଦ କରିବା ।
\s ଯିରୁବ୍ବାବିଲ ଅଙ୍ଗୁରୀୟ ରୂପେ ମନୋନୀତ
\p
\s5
\v 20 ଅନନ୍ତର ମାସର ଚତୁର୍ବିଂଶ ଦିନ ସଦାପ୍ରଭୁଙ୍କର ବାକ୍ୟ ଦ୍ୱିତୀୟ ଥର ହାଗୟଙ୍କ ନିକଟରେ ଉପସ୍ଥିତ ହେଲା, ଯଥା,
\v 21 ଯିହୁଦାର ଦେଶାଧ୍ୟକ୍ଷ ଯିରୁବ୍ବାବିଲକୁ ଏହି କଥା କୁହ, ଆମ୍ଭେ ଆକାଶମଣ୍ଡଳ ଓ ପୃଥିବୀକୁ ହଲାଇବା;
\v 22 ଆମ୍ଭେ ରାଜ୍ୟସମୂହର ସିଂହାସନ ଓଲଟାଇ ପକାଇବା ଓ ଗୋଷ୍ଠୀଗଣର ସକଳ ରାଜ୍ୟର ପରାକ୍ରମ ବିନଷ୍ଟ କରିବା; ଆଉ, ଆମ୍ଭେ ରଥ ଓ ରଥାରୋହୀମାନଙ୍କୁ ଓଲଟାଇ ପକାଇବା; ପୁଣି ଅଶ୍ୱ ଓ ଅଶ୍ୱାରୋହୀମାନେ ଆପଣା ଭ୍ରାତାର ଖଡ଼୍‍ଗ ଦ୍ୱାରା ପତିତ ହେବେ ।
\s5
\v 23 ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ହେ ଶଲ୍‍ଟୀୟେଲର ପୁତ୍ର, ଆମ୍ଭର ଦାସ ଯିରୁବ୍ବାବିଲ, ସେଦିନ ଆମ୍ଭେ ତୁମ୍ଭକୁ ଗ୍ରହଣ କରିବା ଓ ତୁମ୍ଭକୁ ମୁଦ୍ରାର୍ଥକ ଅଙ୍ଗୁରୀୟ ସ୍ୱରୂପ କରିବା, ଏହା ସଦାପ୍ରଭୁ କହନ୍ତି; କାରଣ ଆମ୍ଭେ ତୁମ୍ଭକୁ ମନୋନୀତ କରିଅଛୁ, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି ।

389
38-ZEC.usfm Normal file
View File

@ -0,0 +1,389 @@
\id ZEC
\ide UTF-8
\sts - Odia Old Version Revision
\rem Copyright information: Creative Commons Attribution-ShareAlike 4.0 License
\h ଯିଖରୀୟ
\toc1 ଯିଖରୀୟ ଭବିଷ୍ୟବକ୍ତାଙ୍କ ପୁସ୍ତକ
\toc2 ଯିଖରୀୟ
\toc3 zec
\mt1 ଯିଖରୀୟ ଭବିଷ୍ୟଦ୍‍ବକ୍ତାଙ୍କ ପୁସ୍ତକ
\mt2 THE BOOK OF PROPHET
\s5
\c 1
\s ପରମେଶ୍ୱରଙ୍କ ନିକଟକୁ ଫେରିବାକୁ ଆହ୍ୱାନ
\p
\v 1 ଦାରୀୟାବସ୍‍ର ରାଜତ୍ଵର ଦ୍ୱିତୀୟ ବର୍ଷର ଅଷ୍ଟମ ମାସରେ ଇଦ୍ଦୋଙ୍କ ପୌତ୍ର ବେରିଖୀୟଙ୍କ ପୁତ୍ର ଯିଖରୀୟ ଭବିଷ୍ୟଦ୍‍ବକ୍ତାଙ୍କ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା,
\v 2 ସଦାପ୍ରଭୁ ତୁମ୍ଭମାନଙ୍କର ପିତୃପୁରୁଷଗଣଙ୍କ ପ୍ରତି ଅତିଶୟ ବିରକ୍ତ ହୋଇଥିଲେ ।
\v 3 ଏଥିପାଇଁ ତୁମ୍ଭେ ଏହି ଲୋକମାନଙ୍କୁ କୁହ, ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, "ତୁମ୍ଭେମାନେ ଆମ୍ଭ ପ୍ରତି ଫେର," ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି । "ତହିଁରେ ଆମ୍ଭେ ତୁମ୍ଭମାନଙ୍କ ପ୍ରତି ଫେରିବା," ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି ।
\s5
\v 4 ତୁମ୍ଭେମାନେ ଆପଣାମାନଙ୍କର ପୂର୍ବପୁରୁଷଗଣର ତୁଲ୍ୟ ହୁଅ ନାହିଁ, ଯେଉଁମାନଙ୍କୁ ଡାକି ପୂର୍ବକାଳର ଭବିଷ୍ୟଦ୍‍ବକ୍ତାମାନେ ଉଚ୍ଚୈଃସ୍ୱରରେ କହିଲେ, "ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, 'ତୁମ୍ଭେମାନେ ଆପଣା ଆପଣା କୁପଥରୁ ଓ ଆପଣା ଆପଣା କୁକ୍ରିୟାରୁ ଏବେ ଫେର । ମାତ୍ର ସେମାନେ ଶୁଣିଲେ ନାହିଁ, କିଅବା ଆମ୍ଭ ପ୍ରତି କର୍ଣ୍ଣପାତ କଲେ ନାହିଁ,'" ଏହା ସଦାପ୍ରଭୁ କହନ୍ତି ।
\v 5 "ତୁମ୍ଭମାନଙ୍କର ପୂର୍ବପୁରୁଷମାନେ, ଏମାନେ କେଉଁଠାରେ ? ଓ ଭବିଷ୍ୟଦ୍‍ବକ୍ତାମାନେ, ଏମାନେ କି ଚିରକାଳ ବଞ୍ଚନ୍ତି ?"
\v 6 ମାତ୍ର ଆମ୍ଭେ ଆପଣା ଦାସ ଭବିଷ୍ୟଦ୍‍ବକ୍ତାଗଣକୁ ଯେଉଁ ଯେଉଁ ବାକ୍ୟ ଓ ବିଧି ଆଜ୍ଞା କଲୁ, ସେହିସବୁ କି ତୁମ୍ଭମାନଙ୍କ ପୂର୍ବପୁରୁଷଗଣକୁ ସ୍ପର୍ଶ କଲା ନାହିଁ ? ତେବେ ସେମାନେ ଫେରି କହିଲେ, "ସୈନ୍ୟାଧିପତି ସଦାପ୍ରଭୁ ଆମ୍ଭମାନଙ୍କ ଆଚରଣ ଓ କ୍ରିୟାନୁସାରେ ଆମ୍ଭମାନଙ୍କ ପ୍ରତି ଯେରୂପ କରିବେ ବୋଲି ମନସ୍ଥ କଲେ, ସେହିପରି ବ୍ୟବହାର ଆମ୍ଭମାନଙ୍କ ପ୍ରତି ସେ କରିଅଛନ୍ତି ।"
\s ଭାବବାଦୀଙ୍କ ଦର୍ଶନ - ଅଶ୍ୱ ଓ ଅଶ୍ୱାରୋହୀ
\p
\s5
\v 7 ଦାରୀୟାବସ୍‍ର ଦ୍ୱିତୀୟ ବର୍ଷ ଏଗାରତମ ମାସର, ଅର୍ଥାତ୍‍, ଶବାଟ ମାସର ଚବିଶତମ ଦିନରେ ଇଦ୍ଦୋଙ୍କ ପୌତ୍ର ବେରିଖୀୟଙ୍କ ପୁତ୍ର ଯିଖରୀୟ ଭବିଷ୍ୟଦ୍‍ବକ୍ତାଙ୍କ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା,
\v 8 ମୁଁ ରାତ୍ରିକାଳରେ ଦେଖିଲି, ଆଉ ଦେଖ, ରକ୍ତବର୍ଣ୍ଣ ଅଶ୍ୱାରୋହୀ ଏକ ପୁରୁଷ ଓ ସେ ନିମ୍ନ ଭୂମିସ୍ଥ ମେହେନ୍ଦି ବୃକ୍ଷମାନର ମଧ୍ୟରେ ଠିଆ ହେଲେ; ଆଉ, ତାଙ୍କ ପଛରେ ରକ୍ତବର୍ଣ୍ଣ, ପାଣ୍ଡୁରବର୍ଣ୍ଣ ଓ ଶୁକ୍ଳବର୍ଣ୍ଣ ଅଶ୍ୱଗଣ ଥିଲେ ।
\v 9 ଏଥିରେ ମୁଁ କହିଲି, "ହେ ମୋହର ପ୍ରଭୁ, ଏସବୁ କଅଣ ?" ତହିଁରେ ମୋ' ସଙ୍ଗରେ କଥା କହୁଥିବା ଦୂତ ମୋତେ କହିଲେ, "ଏସବୁ କଅଣ, ଏହା ଆମ୍ଭେ ତୁମ୍ଭଙ୍କୁ ଜଣାଇବା ।"
\s5
\v 10 ଏଥିରେ ମେହେନ୍ଦି ବୃକ୍ଷ ମଧ୍ୟରେ ଠିଆ ହୋଇଥିବା ପୁରୁଷ ଉତ୍ତର କରି କହିଲେ, "ପୃଥିବୀରେ ଏଣେତେଣେ ଗମନାଗମନ କରିବା ପାଇଁ ସଦାପ୍ରଭୁ ଏମାନଙ୍କୁ ପଠାଇ ଅଛନ୍ତି ।"
\v 11 ସେତେବେଳେ ସେମାନେ ମେହେନ୍ଦି ବୃକ୍ଷ ମଧ୍ୟରେ ଠିଆ ହୋଇଥିବା ସଦାପ୍ରଭୁଙ୍କ ଦୂତକୁ ଉତ୍ତର କରି କହିଲେ, "ଆମ୍ଭେମାନେ ପୃଥିବୀର ଏଣେତେଣେ ଗମନାଗମନ କରିଅଛୁ, ଆଉ ଦେଖ, ସମୁଦାୟ ପୃଥିବୀ ସୁସ୍ଥିର ହୋଇ ବସିଅଛି ଓ ବିଶ୍ରାମରେ ଅଛି ।"
\s5
\v 12 ତହିଁରେ ସଦାପ୍ରଭୁଙ୍କ ଦୂତ ଉତ୍ତର କରି କହିଲେ, "ହେ ସୈନ୍ୟାଧିପତି ସଦାପ୍ରଭୁ, ଏହି ସତୁରି ବର୍ଷସାରା ତୁମ୍ଭେ ଯେଉଁମାନଙ୍କ ଉପରେ ବିରକ୍ତ ହୋଇ ଆସିଅଛ, ସେହି ଯିରୂଶାଲମ ଓ ଯିହୁଦାର ନଗରସମୂହ ପ୍ରତି ଆଉ କେତେ ସମୟ ଦୟା କରିବ ନାହିଁ ?"
\v 13 ପୁଣି, ମୋ' ସହିତ କଥା କହୁଥିବା ଦୂତକୁ ସଦାପ୍ରଭୁ ଉତ୍ତର କରି ମଙ୍ଗଳ କଥା ଓ ନାନା ସାନ୍ତ୍ୱନାଦାୟକ କଥା କହିଲେ ।
\s5
\v 14 ତହିଁରେ ମୋ' ସଙ୍ଗେ କଥା କହୁଥିବା ଦୂତ ମୋତେ କହିଲେ, "ତୁମ୍ଭେ ଘୋଷଣା କରି କୁହ, 'ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି ଆମ୍ଭେ ଯିରୂଶାଲମ ଓ ସିୟୋନ ପକ୍ଷରେ ମହା ଇର୍ଷାରେ ଇର୍ଷାନ୍ୱିତ ଅଛୁ ।'"
\v 15 ଆଉ, ଯେଉଁ ଗୋଷ୍ଠୀଗଣ ନିଶ୍ଚିନ୍ତରେ ଅଛନ୍ତି, ସେମାନଙ୍କ ପ୍ରତି ଆମ୍ଭେ ଅତ୍ୟନ୍ତ ବିରକ୍ତ ଅଟୁ; କାରଣ ଆମ୍ଭେ ଅଳ୍ପମାତ୍ର ବିରକ୍ତ ହୁଅନ୍ତେ, ସେମାନେ କ୍ଳେଶକୁ ବୃଦ୍ଧି କଲେ ।
\s5
\v 16 ଏଥିପାଇଁ ସଦାପ୍ରଭୁ ଏହି କଥା କହନ୍ତି; "ଆମ୍ଭେ ଦୟା ସହିତ ଯିରୂଶାଲମ ପ୍ରତି ଫେରିବୁ; ତହିଁ ମଧ୍ୟରେ ଆମ୍ଭ ଗୃହ ନିର୍ମିତ ହେବ ଓ ଯିରୂଶାଲମ ସୂତା ଦ୍ୱାରା ମପା ହେବ," ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି ।
\v 17 ଆହୁରି ଘୋଷଣା କରି କୁହ, ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, "ସମୃଦ୍ଧି ହେତୁ ଆମ୍ଭର ନଗରସକଳ ଚତୁର୍ଦ୍ଦିଗରେ ପୁନର୍ବାର ବିସ୍ତୀର୍ଣ୍ଣ ହେବ; ସଦାପ୍ରଭୁ ପୁନର୍ବାର ସିୟୋନକୁ ସାନ୍ତ୍ୱନା କରିବେ ଓ ଯିରୂଶାଲମକୁ ପୁନର୍ବାର ମନୋନୀତ କରିବେ ।"
\s ଚାରି ଶୃଙ୍ଗ ଓ କମାରର ଦର୍ଶନ
\p
\s5
\v 18 ଏଥି ଉତ୍ତାରେ ମୁଁ ଚକ୍ଷୁ ଖୋଲି ଅନାଇଲି, ଆଉ ଚାରି ଶୃଙ୍ଗ ଦେଖଲି ।
\v 19 ତହିଁରେ ମୋ' ସଙ୍ଗେ କଥା କହୁଥିବା ଦୂତଙ୍କୁ ମୁଁ କହିଲି, "ଏହିସବୁ କଅଣ ?" ତହୁଁ ସେ ମୋତେ ଉତ୍ତର କଲେ, "ଏହିସବୁ ଶୃଙ୍ଗ ଯିହୁଦା, ଇସ୍ରାଏଲ ଓ ଯିରୂଶାଲମକୁ ଛିନ୍ନଭିନ୍ନ କରିଅଛନ୍ତି ।"
\s5
\v 20 ପୁଣି, ସଦାପ୍ରଭୁ ମୋତେ ଚାରି ଜଣ କମାର ଦେଖାଇଲେ ।
\v 21 ତେବେ ମୁଁ କହିଲି, "ଏମାନେ କଅଣ କରିବା ପାଇଁ ଆସିଅଛନ୍ତି ?" ତହିଁରେ ସେ କହିଲେ, "ସେହି ଶୃଙ୍ଗସକଳ ଯିହୁଦାକୁ ଏପରି ଛିନ୍ନଭିନ୍ନ କଲେ ଯେ, କୌଣସି ମନୁଷ୍ୟ ଆପଣା ମସ୍ତକ ଉଠାଇ ପାରିଲା ନାହିଁ; ମାତ୍ର ଯେଉଁ ଗୋଷ୍ଠୀଗଣ ଯିହୁଦା ଦେଶକୁ ଛିନ୍ନଭିନ୍ନ କରିବା ପାଇଁ ତାହା ବିରୁଦ୍ଧରେ ଆପଣା ଆପଣା ଶୃଙ୍ଗ ଉଠାଇଲେ, ସେମାନଙ୍କୁ ଭୟ ଦେଖାଇବା ପାଇଁ ଓ ସେମାନଙ୍କର ଶୃଙ୍ଗ ଭାଙ୍ଗି ପକାଇବା ପାଇଁ ଏମାନେ ଆସିଅଛନ୍ତି ।"
\s5
\c 2
\s ଦର୍ଶନ - ପରିମାପକ ରଜ୍ଜୁ
\p
\v 1 ଏଥିଉତ୍ତାରେ ମୁଁ ଚକ୍ଷୁ ମେଲି ଅନାଇଲି, ଆଉ ଦେଖ, ଆପଣା ହସ୍ତରେ ପରିମାପକ ରଜ୍ଜୁଧାରୀ ଏକ ପୁରୁଷକୁ ଦେଖିଲି ।
\v 2 ତେବେ ମୁଁ କହିଲି, "ଆପଣ କେଉଁଠାକୁ ଯାଉଅଛନ୍ତି ?" ତହୁଁ ସେ ମୋତେ କହିଲେ, "ଯିରୂଶାଲମକୁ ମାପିବା ପାଇଁ, ତହିଁର ଓସାର କେତେ ଓ ତହିଁର ଲମ୍ବା କେତେ, ଏହା ଦେଖିବା ପାଇଁ ଯାଉଅଛୁ ।"
\s5
\v 3 ଆଉ ଦେଖ, ମୋ' ସଙ୍ଗେ କଥା କହୁଥିବା ଦୂତ ବାହାର ହେଲେ ଓ ଆଉ ଜଣେ ଦୂତ ତାଙ୍କ ସଙ୍ଗେ ସାକ୍ଷାତ କରିବା ପାଇଁ ବାହାରିଲେ,
\v 4 ପୁଣି, ତାହାଙ୍କୁ କହିଲେ, "ଦୌଡ଼, ଏହି ଯୁବାଲୋକକୁ କୁହ ଯିରୂଶାଲମର ମନୁଷ୍ୟ ଓ ପଶୁଗଣର ବାହୁଲ୍ୟ ହେତୁ ତାହା ପ୍ରାଚୀରବିହୀନ ଗ୍ରାମସମୂହର ତୁଲ୍ୟ ବସତି-ସ୍ଥାନ ହେବ ।"
\v 5 କାରଣ ସଦାପ୍ରଭୁ କହନ୍ତି, "ଆମ୍ଭେ ତାହାର ଚତୁର୍ଦ୍ଦିଗରେ ଅଗ୍ନିମୟ ପ୍ରାଚୀରସ୍ୱରୂପ ହେବା ଓ ଆମ୍ଭେ ସେମାନଙ୍କ ମଧ୍ୟରେ ମହିମାସ୍ୱରୂପ ହେବା ।"
\s5
\v 6 "ଆହେ, ଆହେ, ଉତ୍ତର ଦେଶରୁ ପଳାଅ," ଏହା ସଦାପ୍ରଭୁ କହନ୍ତି । "କାରଣ ଆମ୍ଭେ ତୁମ୍ଭମାନଙ୍କୁ ଆକାଶର ଚତୁର୍ଦ୍ଦିଗ-ବାୟୁ ତୁଲ୍ୟ ବିସ୍ତୃତ କରିଅଛୁ," ଏହା ସଦାପ୍ରଭୁ କହନ୍ତି ।
\v 7 ହେ ବାବିଲର କନ୍ୟା ସହିତ ବାସକାରିଣୀ ସିୟୋନ, ତୁମ୍ଭେ ରକ୍ଷାର୍ଥେ ପଳାଅ ।"
\s5
\v 8 କାରଣ ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି "ଯେଉଁ ଗୋଷ୍ଠୀଗଣ ତୁମ୍ଭମାନଙ୍କୁ ଲୁଟିଲେ, ସେମାନଙ୍କ ନିକଟକୁ ସେ ମୋତେ ସମାଦର କରି ପ୍ରେରଣ କରିଅଛନ୍ତି; କାରଣ ଯେଉଁ ଲୋକ ତୁମ୍ଭମାନଙ୍କୁ ସ୍ପର୍ଶ କରେ, ସେ ତାହାଙ୍କ ଚକ୍ଷୁର ପିତୁଳାକୁ ସ୍ପର୍ଶ କରେ ।"
\v 9 ଦେଖ, ମୁଁ ସେମାନଙ୍କ ଉପରେ ଆପଣା ହସ୍ତ ହଲାଇବି, ତହିଁରେ ସେମାନେ ଆପଣା ସେବାକାରୀଗଣର ଲୁଟିତ ବସ୍ତୁ ସ୍ୱରୂପ ହେବେ ଆଉ, ସୈନ୍ୟାଧିପତି ସଦାପ୍ରଭୁ ଯେ ମୋତେ ପ୍ରେରଣ କରିଅଛନ୍ତି, ଏହା ତୁମ୍ଭେମାନେ ଜାଣିବ ।
\s5
\v 10 "ଗୋ ସିୟୋନ କନ୍ୟେ, ଗାନ କରି ଉଲ୍ଳାସ କର କାରଣ ଦେଖ, ଆମ୍ଭେ ଆସୁଅଛୁ ଓ ଆମ୍ଭେ ତୁମ୍ଭ ମଧ୍ୟରେ ବାସ କରିବା," ଏହା ସଦାପ୍ରଭୁ କହନ୍ତି ।
\v 11 "ପୁଣି, ସେଦିନ ଅନେକ ଗୋଷ୍ଠୀ ସଦାପ୍ରଭୁଙ୍କ ପ୍ରତି ଆସକ୍ତ ହେବେ ଓ ମୋର ଲୋକ ହେବେ; ଆଉ," ମୁଁ ତୁମ୍ଭ ମଧ୍ୟରେ ବାସ କରିବି, ତହିଁରେ ସୈନ୍ୟାଧିପତି ସଦାପ୍ରଭୁ ଯେ ତୁମ୍ଭ ନିକଟକୁ ମୋତେ ପ୍ରେରଣ କରିଅଛନ୍ତି, ଏହା ତୁମ୍ଭେ ଜାଣିବ ।
\s5
\v 12 ଆଉ, ସଦାପ୍ରଭୁ ପବିତ୍ର ଦେଶରେ ଯିହୁଦାକୁ ଆପଣା ଅଂଶ ରୂପେ ଅଧିକାର କରିବେ ଓ ଯିରୂଶାଲମକୁ ପୁନର୍ବାର ମନୋନୀତ କରିବେ ।
\v 13 ହେ ପ୍ରାଣୀସବୁ, ସଦାପ୍ରଭୁଙ୍କ ସାକ୍ଷାତରେ ନୀରବ ହୁଅ; କାରଣ ସେ ଆପଣା ପବିତ୍ର ଆବାସ ମଧ୍ୟରୁ ଜାଗି ଉଠିଅଛନ୍ତି ।
\s5
\c 3
\s ଯିହୋଶୂୟ ମହାଯାଜକଙ୍କ ଦର୍ଶନ
\p
\v 1 ଏଉତ୍ତାରେ ସଦାପ୍ରଭୁ ଯିହୋଶୂୟ ମହାଯାଜକ ଦୂତ ସମ୍ମୁଖରେ ଠିଆ ହୋଇଥିବା, ଓ ତାଙ୍କୁ ନିନ୍ଦା କରିବା ପାଇଁ ତାଙ୍କ ଦକ୍ଷିଣ ପାର୍ଶ୍ୱରେ ଠିଆ ହୋଇଥିବାର ଶୟତାନକୁ ସେ ମୋତେ ଦେଖାଇଲେ ।
\v 2 ପୁଣି, ସଦାପ୍ରଭୁ ଶୟତାନକୁ କହିଲେ, "ହେ ଶୟତାନ, ସଦାପ୍ରଭୁ ତୁମ୍ଭକୁ ଧମକ ଦିଅନ୍ତୁ! ହଁ, ଯେ ଯିରୂଶାଲମକୁ ମନୋନୀତ କରିଅଛନ୍ତି, ସେ ସଦାପ୍ରଭୁ ତୁମ୍ଭକୁ ଧମକ ଦିଅନ୍ତୁ! ଏ କି ଅଗ୍ନିରୁ କଢ଼ା ଖଣ୍ଡେ ପୋଡ଼ା କାଠଖଣ୍ଡ ନୁହେଁ ?"
\v 3 ଏହି ସମୟରେ ଯିହୋଶୂୟ ମଳିନ ବସ୍ତ୍ର ପିନ୍ଧି ଦୂତ ସମ୍ମୁଖରେ ଠିଆ ହୋଇଥିଲେ ।
\s5
\v 4 ଏଥିରେ ଦୂତ ଆପଣା ସମ୍ମୁଖରେ ଠିଆ ହୋଇଥିବା ଲୋକମାନଙ୍କୁ ଏହି କଥା କହିଲେ, "ଏହାଙ୍କଠାରୁ ମଳିନ ବସ୍ତ୍ର କାଢ଼ି ନିଅ ।" ପୁଣି, ତାଙ୍କୁ ସେ କହିଲେ, "ଦେଖ, ଆମ୍ଭେ ତୁମ୍ଭର ଅଧର୍ମ ତୁମ୍ଭଠାରୁ ଦୂର କରିଅଛୁ ଓ ଆମ୍ଭେ ତୁମ୍ଭକୁ ବହୁମୂଲ୍ୟ ବସ୍ତ୍ର ପିନ୍ଧାଇବା ।"
\v 5 ସେତେବେଳେ ମୁଁ କହିଲି, "ଲୋକମାନେ ଏହାର ମସ୍ତକରେ ସୁନ୍ଦର ପଗଡି ଦିଅନ୍ତୁ!" ତହିଁରେ ସେମାନେ ତାଙ୍କ ମସ୍ତକରେ ସୁନ୍ଦର ପଗଡି ଦେଲେ ଓ ତାଙ୍କୁ ବସ୍ତ୍ର ପିନ୍ଧାଇଲେ; ପୁଣି, ନିକଟରେ ସଦାପ୍ରଭୁଙ୍କ ଦୂତ ଠିଆ ହୋଇଥିଲେ ।
\s5
\v 6 ପୁଣି, ସଦାପ୍ରଭୁଙ୍କ ଦୂତ ଯିହୋଶୂୟଙ୍କୁ ଦୃଢ଼ ରୂପେ କହିଲେ,
\v 7 "ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି: ଯଦି ତୁମ୍ଭେ ଆମ୍ଭ ପଥରେ ଚାଲିବ ଓ ତୁମ୍ଭେ ଆମ୍ଭର ଆଜ୍ଞା ରକ୍ଷା କରିବ, ତେବେ ତୁମ୍ଭେ ମଧ୍ୟ ଆମ୍ଭ ଗୃହର ବିଚାର କରିବ ଓ ଆମ୍ଭ ପ୍ରାଙ୍ଗଣର ରକ୍ଷକ ହେବ, ଆଉ ନିକଟରେ ଠିଆ ହେବାର ଏହି ବ୍ୟକ୍ତିମାନଙ୍କ ମଧ୍ୟରେ ଆମ୍ଭେ ତୁମ୍ଭକୁ ପ୍ରବେଶର ଓ ପ୍ରସ୍ଥାନର ଅଧିକାର ଦେବା ।
\s5
\v 8 ହେ ଯିହୋଶୂୟ ମହାଯାଜକ, ତୁମ୍ଭେ ଏବେ ଶୁଣ ଓ ତୁମ୍ଭ ସମ୍ମୁଖରେ ଉପବିଷ୍ଟ ତୁମ୍ଭର ସଙ୍ଗୀଗଣ ଶୁଣନ୍ତୁ! କାରଣ ସେମାନେ ଚିହ୍ନ ସ୍ୱରୂପ ଲୋକ ଅଟନ୍ତି; ଯେହେତୁ ଦେଖ, ଆମ୍ଭେ ଆପଣାର ଶାଖା ନାମକ ଦାସକୁ ଆଣିବା ।
\v 9 କାରଣ, ଆମ୍ଭେ ଯିହୋଶୂୟ ସମ୍ମୁଖରେ ଯେଉଁ ପ୍ରସ୍ତର ସ୍ଥାପନ କରିଅଛୁ, ତାହା ଦେଖ! ଏକ ପ୍ରସ୍ତରର ଉପରେ ସାତ ପାର୍ଶ୍ୱ ଅଛି; ତହିଁର ମୁଦ୍ରାରେ ଆମ୍ଭେ ଖୋଦିବା, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି ଓ ଆମ୍ଭେ ଏକ ଦିନରେ ସେହି ଦେଶର ଅଧର୍ମ ଦୂର କରିବା ।
\s5
\v 10 ସୈନ୍ୟାଧିପତି ସଦାପ୍ରଭୁ କହନ୍ତି," ସେ ଦିନରେ ତୁମ୍ଭେମାନେ ପ୍ରତ୍ୟେକ ଲୋକ ଆପଣା ଆପଣା ପ୍ରତିବାସୀକୁ ଦ୍ରାକ୍ଷାଲତା ଓ ଡିମିରି ବୃକ୍ଷ ତଳେ ବିଶ୍ରାମ ନେବା ପାଇଁ ନିମନ୍ତ୍ରଣ କରିବ ।"
\s5
\c 4
\s ଦର୍ଶନ - ସୁବର୍ଣ୍ଣମୟ ଦୀପବୃକ୍ଷ
\p
\v 1 ଏଉତ୍ତାରେ ଯେଉଁ ଦୂତ ମୋ' ସଙ୍ଗରେ କଥା କହୁଥିଲେ, ସେ ଆସି ମୋତେ ନିଦ୍ରାରୁ ଉଠିଥିବା ମନୁଷ୍ୟ ପରି ଜଗାଇଲେ ।
\v 2 ପୁଣି, ସେ ମୋତେ କହିଲେ, "ତୁମ୍ଭେ କଅଣ ଦେଖୁଅଛ ?" ତହିଁରେ ମୁଁ କହିଲି, "ମୁଁ ଦେଖିଅଛି, ଆଉ ଦେଖ, ସମ୍ପୂର୍ଣ୍ଣ ସୁବର୍ଣ୍ଣମୟ ଏକ ଦୀପବୃକ୍ଷ, ତହିଁର ଉପରେ ତୈଳାଧାର ଓ ତହିଁ ଉପରେ ସାତ ପ୍ରଦୀପ ଅଛି ଓ ତହିଁର ଉପରି ଭାଗରେ ପ୍ରତ୍ୟେକ ପ୍ରଦୀପର ନିମନ୍ତେ ସାତଟି ନଳ ଅଛି ।
\v 3 ଆଉ, ତହିଁର ନିକଟରେ ଦୁଇ ଜୀତବୃକ୍ଷ ଅଛି, ପୁଣି ଗୋଟିଏ ତୈଳାଧାରର ଦକ୍ଷିଣ ପାର୍ଶ୍ୱରେ ଓ ଅନ୍ୟ ଗୋଟିଏ ତହିଁର ବାମ ପାର୍ଶ୍ୱରେ ।"
\s5
\v 4 ତହିଁରେ ଯେଉଁ ଦୂତ ମୋ' ସଙ୍ଗରେ କଥା କହୁଥିଲେ, ମୁଁ ତାଙ୍କୁ ଉତ୍ତର କରି କହିଲି, "ହେ ମୋର ପ୍ରଭୁ, ଏସବୁର ଅର୍ଥ କ'ଣ ?"
\v 5 ସେତେବେଳେ ଯେଉଁ ଦୂତ ମୋ' ସଙ୍ଗରେ କଥା କହୁଥିଲେ, ସେ ମୋତେ ଉତ୍ତର କରି କହିଲେ, "ଏସବୁର ଅର୍ଥ କଅଣ, ତାହା କି ତୁମ୍ଭେ ଜାଣି ନାହଁ ?" ପୁଣି, ତହିଁରେ ମୁଁ କହିଲି, "ହେ ମୋର ପ୍ରଭୁ, ଜାଣି ନାହିଁ ।"
\s5
\v 6 ତହିଁରେ ସେ ମୋତେ ଉତ୍ତର କରି କହିଲେ, "ଏହା ଯିରୁବ୍ବାବିଲଙ୍କ ପ୍ରତି ସଦାପ୍ରଭୁଙ୍କର ବାକ୍ୟ, ଯଥା, ପରାକ୍ରମ ଦ୍ୱାରା ନୁହେଁ, କିଅବା ବଳ ଦ୍ୱାରା ନୁହେଁ, ମାତ୍ର ଆମ୍ଭର ଆତ୍ମା ଦ୍ୱାରା, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି ।"
\v 7 "ହେ ବୃହତ ପର୍ବତ, ତୁମ୍ଭେ କିଏ ଯିରୁବ୍ବାବିଲଙ୍କ ସମ୍ମୁଖରେ ତୁମ୍ଭେ ସମଭୂମି ହେବ ଆଉ, ତହିଁ ପ୍ରତି ଅନୁଗ୍ରହ, ଅନୁଗ୍ରହ, ଏହି ଜୟଧ୍ୱନି କରି ସେ ମସ୍ତକ ସ୍ୱରୂପ ପ୍ରସ୍ତର ବାହାର କରି ଆଣିବ ?"
\s5
\v 8 ଆହୁରି, ସଦାପ୍ରଭୁଙ୍କର ଏହି ବାକ୍ୟ ମୋ' ନିକଟରେ ଉପସ୍ଥିତ ହେଲା,
\v 9 "ଯିରୁବ୍ବାବିଲଙ୍କ ହସ୍ତ ଏହି ଗୃହର ଭିତ୍ତିମୂଳ ସ୍ଥାପନ କରିଅଛି; ତାଙ୍କ ହସ୍ତ ମଧ୍ୟ ତାହା ସମାପ୍ତ କରିବ; ତହିଁରେ ସୈନ୍ୟାଧିପତି ସଦାପ୍ରଭୁ ଯେ ତୁମ୍ଭମାନଙ୍କ ନିକଟକୁ ମୋତେ ପ୍ରେରଣ କରିଅଛନ୍ତି, ଏହା ତୁମ୍ଭେ ଜାଣିବ ।"
\v 10 କାରଣ କ୍ଷୁଦ୍ର କ୍ଷୁଦ୍ର ବିଷୟର ଦିନକୁ କିଏ ତୁଚ୍ଛଜ୍ଞାନ କରିଅଛି ? ଯେଣୁ ସେମାନେ, ଅର୍ଥାତ୍‍, ସମୁଦାୟ ପୃଥିବୀର ଏଣେତେଣେ ପର୍ଯ୍ୟଟନକାରୀ ସଦାପ୍ରଭୁଙ୍କର ଏହି ସପ୍ତ ଚକ୍ଷୁ ଯିରୁବ୍ବାବିଲଙ୍କ ହସ୍ତରେ ଓଳମ ଦେଖି ଆନନ୍ଦ କରିବେ ।
\v 11 ତେବେ ମୁଁ ଉତ୍ତର କରି ତାଙ୍କୁ କହିଲି, "ଦୀପବୃକ୍ଷର ଦକ୍ଷିଣ ପାର୍ଶ୍ୱରେ ଓ ତହିଁର ବାମ ପାର୍ଶ୍ୱରେ ସ୍ଥିତ ଏହି ଦୁଇ ଜୀତବୃକ୍ଷ କ'ଣ ?"
\s5
\v 12 ପୁଣି, ମୁଁ ଦ୍ୱିତୀୟ ଥର ତାଙ୍କୁ ଉତ୍ତର କରି କହିଲି, "ସୁବର୍ଣ୍ଣମୟ ଯେଉଁ ଦୁଇ ନଳ ଆପଣା ଆପଣା ମଧ୍ୟରୁ ସୁବର୍ଣ୍ଣମୟ ତୈଳ ନିର୍ଗତ କରେ, ତହିଁର ପାର୍ଶ୍ୱରେ ଜୀତବୃକ୍ଷର ଯେଉଁ ଦୁଇ ଶାଖା ଅଛି, ତାହା କ'ଣ ?"
\v 13 ତହିଁରେ ସେ ମୋତେ ଉତ୍ତର କରି କହିଲେ, "ଏସବୁ କଅଣ, ଏହା କି ତୁମ୍ଭେ ଜାଣ ନାହିଁ ?" ତହୁଁ ମୁଁ କହିଲି, "ହେ ମୋର ପ୍ରଭୁ, ଜାଣେ ନାହିଁ ।"
\s5
\v 14 ତେବେ ସେ କହିଲେ, "ଏମାନେ ସମୁଦାୟ ଭୂମଣ୍ଡଳର ପ୍ରଭୁଙ୍କ ଛାମୁରେ ଠିଆ ହେବାର ଦୁଇ ତୈଳ ପୁତ୍ର ଅଟନ୍ତି ।"
\s5
\c 5
\s ଦର୍ଶନ - ଉଡ଼ନ୍ତା ନଳାକାର ପୁସ୍ତକ
\p
\v 1 ଏଉତ୍ତାରେ ମୁଁ ପୁନର୍ବାର ଉର୍ଦ୍ଧ୍ୱକୁ ଦୃଷ୍ଟି କଲି, ଆଉ ଦେଖ, ଉଡ଼ନ୍ତା ଏକ ନଳାକାର ପୁସ୍ତକ ।
\v 2 ପୁଣି, ଦୂତ ମୋତେ କହିଲେ, "ତୁମ୍ଭେ କଅଣ ଦେଖୁଅଛ ?" ତହିଁରେ ମୁଁ ଉତ୍ତର କଲି, "ମୁଁ ଉଡ଼ନ୍ତା ନଳାକାର ଏକ ପୁସ୍ତକ ଦେଖୁଅଛି ତହିଁର ଲମ୍ବା କୋଡ଼ିଏ ହାତ ଓ ଓସାର ଦଶ ହାତ ।"
\s5
\v 3 ତେବେ ସେ ମୋତେ କହିଲେ, "ଏହା ସମୁଦାୟ ଦେଶ ଉପରକୁ ବାହାରି ଯିବା ଅଭିଶାପ; କାରଣ ଯେ ପ୍ରତ୍ୟେକ ଲୋକ ଚୋରି କରେ, ସେ ତହିଁର ଏକ ପାର୍ଶ୍ୱ ଅନୁସାରେ ପରିଷ୍କୃତ ହେବ ଓ ଯେ ପ୍ରତ୍ୟେକ ଲୋକ ଶପଥ କରେ, ସେ ତହିଁର ଅନ୍ୟ ପାର୍ଶ୍ୱ ଅନୁସାରେ ପରିଷ୍କୃତ ହେବ ।"
\v 4 ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, "ଆମ୍ଭେ ତାହାକୁ ବାହାର କରାଇ ଆଣିବା, ଆଉ ତାହା ଚୋରର ଗୃହରେ ଓ ଯେ ଆମ୍ଭ ନାମରେ ମିଥ୍ୟା ଶପଥ କରେ, ତାହାର ଗୃହରେ ପ୍ରବେଶ କରିବ; ପୁଣି, ତାହାର ଗୃହ ମଧ୍ୟରେ ରହି କାଷ୍ଠ ଓ ପଥର ଗ୍ରାସ କରିବ ।"
\s ଦର୍ଶନ - ଐଫା ପାତ୍ର ମଧ୍ୟରେ ସ୍ତ୍ରୀ
\p
\s5
\v 5 ଏଉତ୍ତାରେ ମୋ' ସଙ୍ଗେ ଯେଉଁ ଦୂତ କଥା କହୁଥିଲେ, ସେ ବାହାରେ ଆସି ମୋତେ କହିଲେ, "ଏବେ ତୁମ୍ଭେ ଉର୍ଦ୍ଧ୍ୱକୁ ଦୃଷ୍ଟି କର, ଏହି ଯାହା ଅାସୁଅଛି, ତାହା କଅଣ ?"
\v 6 ତହିଁରେ ମୁଁ କହିଲି, "ଏ କଅଣ ?" ତହୁଁ ସେ କହିଲେ, "ଏହା ଐଫା (ଚାଳିଶ ଲିଟର)-ପାତ୍ର, ଯାହା ଆସୁଅଛି," ସେ ଆହୁରି କହିଲେ, "ଏହା ସମୁଦାୟ ଦେଶସ୍ଥ ଲୋକଙ୍କର ପାପ ଅଟେ ।"
\v 7 ଆଉ ଦେଖ, ପାତ୍ରର ଠିପି ଉପରକୁ ଉଠାଗଲା ଆଉ, ସେହି ପାତ୍ର ମଧ୍ୟରେ ଏକ ସ୍ତ୍ରୀ ବସିଅଛି ।
\s5
\v 8 ପୁଣି, ସେ ମୋତେ କହିଲେ, "ଏହା ଦୁଷ୍ଟତା!" ଆଉ, ସେ ସେହି ସ୍ତ୍ରୀକୁ ପାତ୍ର ମଧ୍ୟରେ ପକାଇ ଦେଲେ ଓ ତହିଁର ମୁହଁକୁ ବନ୍ଦ କରି ଦେଲେ ।
\v 9 ସେତେବେଳେ ମୁଁ ଉର୍ଦ୍ଧ୍ୱକୁ ଦୃଷ୍ଟି କଲି, ଆଉ ଦେଖ, ଦୁଇ ସ୍ତ୍ରୀ ବାହାରି ଆସିଲେ, ଆଉ ସେମାନଙ୍କ ପକ୍ଷପୁଟରେ ବାୟୁ ଥିଲା; ସେମାନଙ୍କର ପକ୍ଷ ଚରଳର ପକ୍ଷ ପରି ଥିଲା, ପୁଣି ସେମାନେ ପୃଥିବୀ ଓ ଆକାଶ ମଧ୍ୟରେ ସେ ପାତ୍ରକୁ ଉଠାଇଲେ ।
\s5
\v 10 ତହିଁରେ ଯେଉଁ ଦୂତ ମୋ' ସହିତ କଥା କହୁଥିଲେ, ମୁଁ ତାଙ୍କୁ କହିଲି, "ଏମାନେ କେଉଁ ସ୍ଥାନକୁ ପାତ୍ର ବହି ନେଉଅଛନ୍ତି ?"
\v 11 ଏଥିରେ ସେ ମୋତେ କହିଲେ, "ଶିନୀୟର ଦେଶରେ ସେହି ପାତ୍ର ପାଇଁ ଏକ ମନ୍ଦିର ନିର୍ମାଣ କରିବାକୁ; ପୁଣି, ତାହା ପ୍ରସ୍ତୁତ ହେଲେ ସେଠାରେ ସେହି ପାତ୍ର ଆପଣା ସ୍ଥାନରେ ସ୍ଥାପନ କରାଯିବ ।"
\s5
\c 6
\s ଚାରୋଟି ରଥର ଦର୍ଶନ
\p
\v 1 ଏଉତ୍ତାରେ ମୁଁ ପୁନର୍ବାର ମୁଁ ଉର୍ଦ୍ଧ୍ୱକୁ ଦୃଷ୍ଟି କଲି, ଆଉ ଦେଖ, ଦୁଇ ପର୍ବତ ମଧ୍ୟରୁ ଚାରିଗୋଟି ରଥ ନିର୍ଗତ ହେଲା ସେହି ପର୍ବତ ପିତ୍ତଳମୟ ଥିଲା ।
\v 2 ପ୍ରଥମ ରଥରେ ରକ୍ତବର୍ଣ୍ଣ ଅଶ୍ୱଗଣ ଓ ଦ୍ୱିତୀୟ ରଥରେ କୃଷ୍ଣବର୍ଣ୍ଣ ଅଶ୍ୱଗଣ ।
\v 3 ଆଉ, ତୃତୀୟ ରଥରେ ଶ୍ୱେତବର୍ଣ୍ଣ ଅଶ୍ୱଗଣ, ପୁଣି ଚତୁର୍ଥ ରଥରେ ବିନ୍ଦୁଚିତ୍ରିତ ପାଣ୍ଡୁରବର୍ଣ୍ଣ ଅଶ୍ୱଗଣ ଥିଲେ ।
\v 4 ସେତେବେଳେ ଯେଉଁ ଦୂତ ମୋ' ସଙ୍ଗେ କଥା କହୁଥିଲେ, ମୁଁ ତାଙ୍କୁ ଉତ୍ତର କରି କହିଲି, "ହେ ମୋର ପ୍ରଭୁ, ଏସବୁ କଅଣ ?"
\s5
\v 5 ତହିଁରେ ସେ ଦୂତ ମୋତେ ଉତ୍ତର କରି କହିଲେ, "ଏମାନେ ସ୍ୱର୍ଗର ଚାରି ବାୟୁ, ଏମାନେ ସମୁଦାୟ ପୃଥିବୀର ପ୍ରଭୁଙ୍କ ଛାମୁରେ ଉଭା ଥାଇ ସେଠାରୁ ନିର୍ଗତ ହେଉଅଛନ୍ତି ।
\v 6 ଯେଉଁ ରଥରେ କୃଷ୍ଣବର୍ଣ୍ଣ ଅଶ୍ୱଗଣ ଅଛନ୍ତି, ତାହା ଉତ୍ତର ଦେଶ ଆଡ଼େ ଗମନ କରୁଅଛି; ଶ୍ଵେତବର୍ଣ୍ଣ ଅଶ୍ୱଗଣ ସେମାନଙ୍କ ପଛରେ ଗଲେ; ଆଉ, ବିନ୍ଦୁଚିତ୍ରିତ ଅଶ୍ୱଗଣ ଦକ୍ଷିଣ ଦେଶ ଆଡ଼େ ଗମନ କଲେ ।"
\s5
\v 7 ପୁଣି, ପାଣ୍ଡୁରବର୍ଣ୍ଣ ଅଶ୍ୱଗଣ ବାହାରିଲେ ଓ ପୃଥିବୀର ଏଣେତେଣେ ଗମନାଗମନ କରିବା ପାଇଁ ଅନୁମତି ଚାହିଁଲେ; ତହିଁରେ ସେ କହିଲେ, "ତୁମ୍ଭେମାନେ ଏଠାରୁ ଯାଅ, ପୃଥିବୀର ଏଣେତେଣେ ଗମନାଗମନ କର," ତହୁଁ ସେମାନେ ପୃଥିବୀର ଏଣେତେଣେ ଗମନାଗମନ କଲେ ।
\v 8 ସେତେବେଳେ ସେ ମୋତେ ଡାକି କହିଲେ, "ଦେଖ, ଯେଉଁମାନେ ଉତ୍ତର ଦେଶ ଆଡ଼େ ଗମନ କରୁଅଛନ୍ତି, ସେମାନେ ଉତ୍ତର ଦେଶରେ ଆମ୍ଭର ଆତ୍ମାଙ୍କ ଇଚ୍ଛାନୁସାରେ କାର୍ଯ୍ୟ କରିଅଛନ୍ତି ।"
\s ମନ୍ଦିର ଓ ମୁକୁଟ
\p
\s5
\v 9 ଏଉତ୍ତାରେ ସଦାପ୍ରଭୁଙ୍କର ଏହି ବାକ୍ୟ ମୋ' ନିକଟରେ ଉପସ୍ଥିତ ହେଲା,
\v 10 ନିର୍ବାସିତ ଲୋକମାନଙ୍କଠାରୁ, ଅର୍ଥାତ୍‍, ହିଲ୍‍ଦୟ, ଟୋବୀୟ ଓ ଯିଦାୟଠାରୁ ଦାନ ଗ୍ରହଣ କର; ଆଉ, ସେମାନେ ଯେଉଁ ସିଫନୀୟର ପୁତ୍ର ଯୋଶୀୟର ଗୃହକୁ ବାବିଲଠାରୁ ଆସିଅଛନ୍ତି, ତୁମ୍ଭେ ସେହି ଗୃହକୁ ଯାଅ ।
\v 11 ହଁ, ସେମାନଙ୍କଠାରୁ ରୂପା ଓ ସୁନା ଗ୍ରହଣ କର ଓ ମୁକୁଟମାନ ନିର୍ମାଣ କରି ଯିହୋଷାଦକଙ୍କ ପୁତ୍ର ଯିହୋଶୂୟ ମହାଯାଜକଙ୍କ ମସ୍ତକରେ ଦିଅ ।"
\s5
\v 12 ପୁଣି, ତାଙ୍କୁ କୁହ, "ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ଶାଖା ନାମରେ ବିଖ୍ୟାତ ପୁରୁଷଙ୍କୁ ଦେଖ ସେ ଆପଣା ସ୍ଥାନରୁ ବଢ଼ି ଉଠିବେ ଓ ସେ ସଦାପ୍ରଭୁଙ୍କର ମନ୍ଦିର ନିର୍ମାଣ କରିବେ!"
\v 13 ହଁ, ସେ ସଦାପ୍ରଭୁଙ୍କର ମନ୍ଦିର ନିର୍ମାଣ କରିବେ ଓ ସେ ମହିମାପ୍ରାପ୍ତ ହେବେ, ଆଉ ଆପଣା ସିଂହାସନରେ ବସି ରାଜତ୍ୱ କରିବେ ଓ ସେ ଆପଣା ସିଂହାସନରେ ବସି ଯାଜକ ହେବେ; ଆଉ, ସେ ଉଭୟ ମଧ୍ୟରେ ଶାନ୍ତିର ବୁଝାବଣା ହେବ ।
\s5
\v 14 ପୁଣି, ସଦାପ୍ରଭୁଙ୍କ ମନ୍ଦିରରେ ଏହି ମୁକୁଟମାନ ହେଲେମର ଓ ଟୋବୀୟର ଓ ଯିଦାୟର, ଆଉ ସିଫନୀୟର ପୁତ୍ର ହେନର ସ୍ମରଣାର୍ଥେ ରହିବ ।
\v 15 ଆଉ, ଯେଉଁମାନେ ଦୂରରେ ଅଛନ୍ତି, ସେମାନେ ଆସି ସଦାପ୍ରଭୁଙ୍କର ମନ୍ଦିର ନିର୍ମାଣ କରିବେ, ତହିଁରେ ସୈନ୍ୟାଧିପତି ସଦାପ୍ରଭୁ ଯେ ମୋତେ ତୁମ୍ଭମାନଙ୍କ ନିକଟକୁ ପ୍ରେରଣ କରିଅଛନ୍ତି, ଏହା ତୁମ୍ଭେମାନେ ଜାଣିବ ପୁଣି, ତୁମ୍ଭେମାନେ ଯଦି ଯତ୍ନପୂର୍ବକ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ବାକ୍ୟରେ ମନୋଯୋଗ କରିବ, ତେବେ ଏହା ଘଟିବ ।
\s5
\c 7
\s ଛଳନାପୂର୍ଣ୍ଣ ଉପବାସ
\p
\v 1 ପୁଣି, ଦାରୀୟାବସ୍‍ ରାଜାର ରାଜତ୍ୱର ଚତୁର୍ଥ ବର୍ଷରେ,କିଷ୍‍ଲେବ ନାମକ ନବମ ମାସର ଚତୁର୍ଥ ଦିନରେ ଯିଖରୀୟଙ୍କ ନିକଟରେ ସଦାପ୍ରଭୁଙ୍କର ବାକ୍ୟ ଉପସ୍ଥିତ ହେଲା ।
\v 2 ସେହି ସମୟରେ ବୈଥେଲସ୍ଥ ଲୋକମାନେ ଶରେତ୍ସର, ରେଗମ୍ମେଲକ ଓ ସେମାନଙ୍କର ଲୋକମାନଙ୍କୁ ସଦାପ୍ରଭୁଙ୍କ ନିକଟରେ ବିନତି କରିବା ପାଇଁ ପ୍ରେରଣ କରିଥିଲେ,
\v 3 ଓ ସୈନ୍ୟାଧିପତି ସଦାପ୍ରଭୁଙ୍କ ଗୃହର ଯାଜକମାନଙ୍କୁ ଓ ଭବିଷ୍ୟଦ୍‍ବକ୍ତାମାନଙ୍କୁ ଏହି କଥା ପଚାରିଲେ, ସେମାନେ କହିଲେ, "ମୁଁ ଏତେ ବର୍ଷଯାଏ ଯେପରି କରି ଆସିଅଛି, ସେପରି ମୁଁ କି ପଞ୍ଚମ ମାସରେ ଆପଣାକୁ ଉପବାସ କରି ବିଳାପ କରିବି ?"
\s5
\v 4 ସେତେବେଳେ ସୈନ୍ୟାଧିପତି ସଦାପ୍ରଭୁଙ୍କର ଏହି ବାକ୍ୟ ମୋ' ନିକଟରେ ଉପସ୍ଥିତ ହେଲା,
\v 5 ଦେଶର ସମଗ୍ର ଲୋକଙ୍କୁ ଓ ଯାଜକମାନଙ୍କୁ ଏହି କଥା କୁହ, "ତୁମ୍ଭେମାନେ ଏହି ସତୁରି ବର୍ଷଯାକ, ପଞ୍ଚମ ମାସରେ ଓ ସପ୍ତମ ମାସରେ ଉପବାସ ଓ ବିଳାପ କଲା ବେଳେ ତୁମ୍ଭେମାନେ କି ପ୍ରକୃତରେ ଆମ୍ଭ ଉଦ୍ଦେଶ୍ୟରେ ଉପବାସ କଲ ?
\v 6 ପୁଣି, ତୁମ୍ଭେମାନେ ଭୋଜନ କଲା ବେଳେ ଓ ପାନ କଲା ବେଳେ କି ଆପଣାମାନଙ୍କ ପାଇଁ ଭୋଜନ କରୁ ନାହଁ ଓ ଆପଣାମାନଙ୍କ ପାଇଁ ପାନ କରୁ ନାହଁ ?
\v 7 ଯିରୂଶାଲମ ବସତିବିଶିଷ୍ଟ ଓ ସମୃଦ୍ଧ ଅବସ୍ଥାରେ ଥିବା ବେଳେ, ପୁଣି ତହିଁର ଚତୁର୍ଦ୍ଦିଗସ୍ଥ ନଗରସକଳ, ଆଉ ଦକ୍ଷିଣ ଦେଶ ଓ ନିମ୍ନଭୂମି ବସତିବିଶିଷ୍ଟ ଥିବା ବେଳେ ସଦାପ୍ରଭୁ ପୂର୍ବକାଳର ଭବିଷ୍ୟଦ୍‍ବକ୍ତାଗଣଙ୍କ ଦ୍ୱାରା ଯେଉଁ ସକଳ ବାକ୍ୟ ପ୍ରଚାର କରାଇଅଛନ୍ତି, ତାହା କି ତୁମ୍ଭମାନଙ୍କର ଶୁଣିବାର ଉଚିତ୍ ନୁହେଁ ?"
\s ନିର୍ବାସନର କାରଣ - ଅବାଧ୍ୟତା
\p
\s5
\v 8 ଏଉତ୍ତାରେ ସଦାପ୍ରଭୁଙ୍କର ଏହି ବାକ୍ୟ ଯିଖରୀୟଙ୍କ ନିକଟରେ ଉପସ୍ଥିତ ହେଲା,
\v 9 ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହିଅଛନ୍ତି, "ଯଥାର୍ଥ ବିଚାର କର, ପ୍ରତ୍ୟେକ ଲୋକ, ଆପଣା ଭ୍ରାତା ପ୍ରତି ଦୟା ଓ କରୁଣା ପ୍ରକାଶ କର ।
\v 10 ପୁଣି ବିଧବା, ପିତୃହୀନ, ବିଦେଶୀ ଓ ଦରିଦ୍ରର ପ୍ରତି ଉପଦ୍ରବ କର ନାହିଁ; ଆଉ, ତୁମ୍ଭମାନଙ୍କ ମଧ୍ୟରୁ କେହି ମନେ ମନେ ଆପଣା ଭ୍ରାତାର ଅନିଷ୍ଟ ଚିନ୍ତା ନ କରୁ ।"
\s5
\v 11 ମାତ୍ର ସେମାନେ ଶୁଣିବାକୁ ଅସମ୍ମତ ହେଲେ ଓ ଶକ୍ତଗ୍ରୀବ ହେଲେ ଓ ଯେପରି ଶୁଣି ନ ପାରିବେ, ଏଥିପାଇଁ ଆପଣା ଆପଣା କର୍ଣ୍ଣ ରୁଦ୍ଧ କଲେ ।
\v 12 ହଁ, ସେମାନେ ଯେପରି ବ୍ୟବସ୍ଥା ଓ ସୈନ୍ୟାଧିପତି ସଦାପ୍ରଭୁ ଆପଣା ଆତ୍ମା ଦ୍ୱାରା ପୂର୍ବକାଳର ଭବିଷ୍ୟଦ୍‍ବକ୍ତାଗଣର ହସ୍ତରେ ଯେଉଁ ଯେଉଁ ବାକ୍ୟ କହି ପଠାଇଲେ, ତାହା ଯେପରି ନ ଶୁଣିବେ, ଏଥିପାଇଁ ସେମାନେ ଆପଣା ଆପଣା ଅନ୍ତଃକରଣ ହୀରକ ପ୍ରସ୍ତର ତୁଲ୍ୟ କଠିନ କଲେ । ଏଥି ସକାଶୁ ସୈନ୍ୟାଧିପତି ସଦାପ୍ରଭୁଙ୍କ ନିକଟରୁ ମହାକୋପ ଉପସ୍ଥିତ ହେଲା ।
\s5
\v 13 ପୁଣି, ସୈନ୍ୟାଧିପତି ସଦାପ୍ରଭୁ କହିଲେ, "ମୁଁ ଡାକିବା ବେଳେ ସେମାନେ ଯେପରି ଶୁଣିଲେ ନାହିଁ; ତଦନୁସାରେ ସେମାନେ ଡାକିବେ, ମାତ୍ର ଆମ୍ଭେ ଶୁଣିବା ନାହିଁ,
\v 14 ମାତ୍ର ଯେଉଁ ଗୋଷ୍ଠୀଗଣକୁ ସେମାନେ ଜାଣି ନାହାନ୍ତି, ସେହି ସମସ୍ତଙ୍କ ମଧ୍ୟରେ ଘୂର୍ଣ୍ଣିବାୟୁ ଦ୍ୱାରା ଆମ୍ଭେ ସେମାନଙ୍କୁ ଛିନ୍ନଭିନ୍ନ କରିବା । ଏହି ପ୍ରକାରେ ସେମାନଙ୍କ ଦେଶ ଧ୍ୱଂସର ସ୍ଥାନ ହେଲା, ତହିଁରେ କୌଣସି ମନୁଷ୍ୟ ତହିଁର ମଧ୍ୟଦେଇ ଗମନାଗମନ କଲା ନାହିଁ; କାରଣ ସେମାନେ ସୁନ୍ଦର ଦେଶକୁ ଧ୍ୱଂସର ସ୍ଥାନ କଲେ ।"
\s5
\c 8
\s ସିୟୋନର ଆଗାମୀ ଶାନ୍ତି ଓ ସମୃଦ୍ଧି
\p
\v 1 ଏଉତ୍ତାରେ ସୈନ୍ୟାଧିପତି ସଦାପ୍ରଭୁଙ୍କର ଏହି ବାକ୍ୟ ମୋ' ନିକଟରେ ଉପସ୍ଥିତ ହେଲା,
\v 2 ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, "ଆମ୍ଭେ ସିୟୋନର ପାଇଁ ମହା ଅନ୍ତର୍ଜ୍ୱଳାରେ ଜ୍ୱଳୁଅଛୁ ଓ ତାହା ପାଇଁ ଆମ୍ଭେ ପ୍ରଚଣ୍ଡ କୋପରେ ଜ୍ୱଳୁଅଛୁ ।
\v 3 ସଦାପ୍ରଭୁ ଏହି କଥା କହନ୍ତି; ଆମ୍ଭେ ସିୟୋନକୁ ଫେରି ଆସିଅଛୁ ଓ ଯିରୂଶାଲମ ମଧ୍ୟରେ ବାସ କରିବା; ଆଉ, ଯିରୂଶାଲମ ସତ୍ୟନଗରୀ ଓ ସୈନ୍ୟାଧିପତି ସଦାପ୍ରଭୁଙ୍କର ପର୍ବତ ପବିତ୍ର ରୂପେ ବିଖ୍ୟାତ ହେବ ।"
\s5
\v 4 ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି; "ବୃଦ୍ଧ ପୁରୁଷ ଓ ସ୍ତ୍ରୀମାନେ ଯିରୂଶାଲମର ସବୁ ପଥରେ ବାସ କରିବେ ଓ ବହୁବୟସ୍କ ହେତୁ ପ୍ରତ୍ୟେକେ ଆପଣା ଆପଣା ହାତରେ ବାଡ଼ି ଧରିବେ ।
\v 5 ପୁଣି, ଦାଣ୍ଡରେ ଖେଳିବା ପାଇଁ ବାଳକ ଓ ବାଳିକାରେ ନଗରର ପଥସବୁ ପରିପୂର୍ଣ୍ଣ ହେବ ।"
\s5
\v 6 ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, "ଏହି ଅବଶିଷ୍ଟାଂଶ ଲୋକମାନଙ୍କର ଦୃଷ୍ଟିରେ ସେହି ସମୟରେ ତାହା ଅସମ୍ଭବ ହେଲେ, ହେଁ ଆମ୍ଭ ଦୃଷ୍ଟିରେ କି ତାହା ଅସମ୍ଭବ ହେବ ? ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି ।
\v 7 ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି; 'ଦେଖ, ଯେ ଆପଣା ଲୋକମାନଙ୍କୁ ପୂର୍ବ ଦେଶରୁ ଓ ପଶ୍ଚିମ ଦେଶରୁ ଉଦ୍ଧାର କରନ୍ତି !
\v 8 ପୁଣି, ଆମ୍ଭେ ସେମାନଙ୍କୁ ଆଣିବା, ତହିଁରେ ସେମାନେ ଯିରୂଶାଲମ ମଧ୍ୟରେ ବାସ କରିବେ; ଆଉ, ସେମାନେ ଆମ୍ଭର ଲୋକ ହେବେ ଓ ଆମ୍ଭେ ସତ୍ୟ ଓ ଧାର୍ମିକତାରେ ସେମାନଙ୍କର ପରମେଶ୍ୱର ହେବା ।'"
\s5
\v 9 ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, "ସୈନ୍ୟାଧିପତି ସଦାପ୍ରଭୁଙ୍କ ଗୃହ, ଅର୍ଥାତ୍‍, ମନ୍ଦିରର ନିର୍ମାଣ ନିମନ୍ତେ ଯେଉଁ ଦିନ ତହିଁର ଭିତ୍ତିମୂଳ ସ୍ଥାପିତ ହୋଇଥିଲା, ସେହି ସମୟରେ ଯେଉଁ ଭବିଷ୍ୟଦ୍‍ବକ୍ତାମାନେ ଥିଲେ, ସେମାନଙ୍କ ମୁଖରୁ ଏହି ସକଳ କଥା ବର୍ତ୍ତମାନ ଶୁଣୁଅଛ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କର ହସ୍ତ ସବଳ ହେଉ ।"
\v 10 କାରଣ ସେହି ସମୟର ପୂର୍ବେ ମନୁଷ୍ୟ ପାଇଁ ବେତନ ନ ଥିଲା, କିଅବା ପଶୁ ପାଇଁ ଭଡ଼ା ନ ଥିଲା ଅଥବା ଯେଉଁ ଜନ ବାହାରକୁ ଗଲା, ଅବା ଭିତରକୁ ଆସିଲା, ବିପକ୍ଷ ସକାଶୁ ତାହାର କିଛି ଶାନ୍ତି ନ ଥିଲା; କାରଣ ଆମ୍ଭେ ପ୍ରତ୍ୟେକ ଜଣକୁ ଆପଣା ଆପଣା ପ୍ରତିବାସୀର ବିପକ୍ଷ କରାଇଲୁ ।
\s5
\v 11 ମାତ୍ର ଏବେ ଆମ୍ଭେ ଏହି ଅବଶିଷ୍ଟାଂଶ ଲୋକମାନଙ୍କର ପ୍ରତି ପୂର୍ବକାଳର ପରି ହେବା ନାହିଁ, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି ।
\v 12 କାରଣ ଶାନ୍ତିଯୁକ୍ତ ବୀଜ ବୁଣା ଯିବ । ଦ୍ରାକ୍ଷାଲତା ଫଳବତୀ ହେବ ଓ ଭୂମି ଆପଣା ଫଳ ଉତ୍ପନ୍ନ କରିବ, ଆଉ ଆକାଶ ଆପଣା ଶିଶିର ଦାନ କରିବ ଓ ଆମ୍ଭେ ଏହି ଅବଶିଷ୍ଟାଂଶ ଲୋକମାନଙ୍କୁ ଏହି ସମସ୍ତର ଅଧିକାରୀ କରାଇବା ।
\s5
\v 13 ପୁଣି, ହେ ଯିହୁଦା-ବଂଶ ଓ ଇସ୍ରାଏଲ-ବଂଶ, ତୁମ୍ଭେମାନେ ନାନା ଗୋଷ୍ଠୀ ମଧ୍ୟରେ ଯେପରି ଅଭିଶାପ ସ୍ୱରୂପ ହୋଇଥିଲ, ସେପରି ଆମ୍ଭେ ତୁମ୍ଭମାନଙ୍କୁ ଉଦ୍ଧାର କରିବା ଓ ତୁମ୍ଭେମାନେ ଆଶୀର୍ବାଦ ସ୍ୱରୂପ ହେବ । ଭୟ କର ନାହିଁ, ମାତ୍ର ତୁମ୍ଭମାନଙ୍କର ହସ୍ତ ସବଳ ହେଉ ।
\v 14 କାରଣ ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, "ତୁମ୍ଭମାନଙ୍କର ପିତୃପୁରୁଷମାନେ ଆମ୍ଭଙ୍କୁ କ୍ରୋଧ କରାଇବା ବେଳେ ଆମ୍ଭେ ଯେପରି ତୁମ୍ଭମାନଙ୍କର ଅମଙ୍ଗଳ କରିବାକୁ ସଙ୍କଳ୍ପ କଲୁ ଓ ଦୁଃଖିତ ନ ହେଲୁ, ସୈନ୍ୟାଧିପତି ସଦାପ୍ରଭୁ କହନ୍ତି ।"
\v 15 ସେପରି ଆମ୍ଭେ ବର୍ତ୍ତମାନ ସମୟରେ ଯିରୂଶାଲମ ପ୍ରତି ଓ ଯିହୁଦା-ବଂଶ ପ୍ରତି ମଙ୍ଗଳ କରିବା ପାଇଁ ପୁନର୍ବାର ସଙ୍କଳ୍ପ କରିଅଛୁ; ତୁମ୍ଭେମାନେ ଭୟ କର ନାହିଁ ।
\s5
\v 16 ତୁମ୍ଭମାନଙ୍କୁ ଏହିସବୁ କାର୍ଯ୍ୟ କରିବାକୁ ହେବ । ତୁମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା ପ୍ରତିବାସୀର ନିକଟରେ ସତ୍ୟ କୁହ; ଆପଣା ଆପଣା ନଗର-ଦ୍ୱାରରେ ସତ୍ୟ ଓ ଶାନ୍ତିଜନକ ବିଚାର ସାଧନ କର;
\v 17 ପୁଣି, ତୁମ୍ଭମାନଙ୍କର କେହି ମନେ ମନେ ଆପଣା ପ୍ରତିବାସୀର ବିରୁଦ୍ଧରେ ଅନିଷ୍ଟ ଚିନ୍ତା ନ କରୁ; କୌଣସି ମିଥ୍ୟା ଶପଥ ଭଲ ପାଅ ନାହିଁ; କାରଣ ଏହିସବୁ ବିଷୟକୁ ଆମ୍ଭେ ଘୃଣା କରୁ, ଏହା ସଦାପ୍ରଭୁ କହନ୍ତି ।
\s5
\v 18 ଏଉତ୍ତାରେ ସୈନ୍ୟାଧିପତି ସଦାପ୍ରଭୁଙ୍କର ଏହି ବାକ୍ୟ ମୋ' ନିକଟରେ ଉପସ୍ଥିତ ହେଲା,
\v 19 ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, "ଚତୁର୍ଥ ମାସର ଉପବାସ ଓ ପଞ୍ଚମ ମାସର ଉପବାସ ଓ ସପ୍ତମ ମାସର ଉପବାସ ଓ ଦଶମ ମାସର ଉପବାସ ଯିହୁଦା-ବଂଶ ପ୍ରତି ଆନନ୍ଦ ଓ ଆହ୍ଲାଦଜନକ ଓ ଆମୋଦଜନକ ଉତ୍ସବ ହେବ; ଏଥିପାଇଁ ତୁମ୍ଭେମାନେ ସତ୍ୟ ଓ ଶାନ୍ତି ଭଲ ପାଅ ।"
\s5
\v 20 ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, "ନାନାଗୋଷ୍ଠୀ ଓ ଅନେକ ନଗରର ନିବାସୀମାନେ ଆସିବେ ।
\v 21 ପୁଣି, ଏକ ନଗରର ନିବାସୀମାନେ ଅନ୍ୟ ନଗରକୁ ଯାଇ କହିବେ, "ଆସ, ଆମ୍ଭେମାନେ ସଦାପ୍ରଭୁଙ୍କର ଅନୁଗ୍ରହ ପ୍ରାର୍ଥନା କରିବା ପାଇଁ ଓ ସୈନ୍ୟାଧିପତି ସଦାପ୍ରଭୁଙ୍କର ଅନ୍ଵେଷଣ କରିବା ପାଇଁ ଶୀଘ୍ର ଯାଉ; ମୁଁ ମଧ୍ୟ ଯିବି ।"
\v 22 ହଁ, ଅନେକ ଦେଶର ଲୋକେ ଓ ବଳବାନ ଗୋଷ୍ଠୀଗଣ ଯିରୂଶାଲମରେ ସୈନ୍ୟାଧିପତି ସଦାପ୍ରଭୁଙ୍କର ଅନ୍ଵେଷଣ କରିବା ପାଇଁ ଓ ସଦାପ୍ରଭୁଙ୍କର ଅନୁଗ୍ରହ ପ୍ରାର୍ଥନା କରିବା ପାଇଁ ଆସିବେ ।
\s5
\v 23 ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, "ସେହି ସମୟରେ ଏପରି ଘଟିବ ଯେ, ସର୍ବ ଭାଷାବାଦୀ ଗୋଷ୍ଠୀଗଣ ମଧ୍ୟରୁ ଦଶ ଜଣ ପୁରୁଷ ଏକ ଯିହୁଦୀ ଲୋକର ବସ୍ତ୍ରର ଅଞ୍ଚଳ ଧରି ଏହି କଥା କହିବେ, 'ଆମ୍ଭେମାନେ ତୁମ୍ଭ ସଙ୍ଗରେ ଯିବୁ, କାରଣ ପରମେଶ୍ୱର ତୁମ୍ଭମାନଙ୍କ ମଧ୍ୟରେ ଅଛନ୍ତି ବୋଲି ଆମ୍ଭେମାନେ ଶୁଣିଅଛୁ ।'"
\s5
\c 9
\s ଇସ୍ରାଏଲର ଶତ୍ରୁମାନଙ୍କର ବିଚାର
\p
\v 1 ହଦ୍ରକ୍‍ ଦେଶ ପ୍ରତି ଓ ଦାମାସ୍‍କସ୍‍ ତହିଁର ବିଶ୍ରାମ-ସ୍ଥାନ ପ୍ରତି ସଦାପ୍ରଭୁଙ୍କର ବାକ୍ୟ; କାରଣ ମନୁଷ୍ୟର ଓ ସମୁଦାୟ ଇସ୍ରାଏଲ-ବଂଶର ଦୃଷ୍ଟି ସଦାପ୍ରଭୁଙ୍କ ପ୍ରତି ଅଛି ।
\v 2 ପୁଣି, ତହିଁର ପାର୍ଶ୍ୱସ୍ଥିତ ହମାତ୍‍ ଓ ସୋର ଓ ସୀଦୋନ ଅତି ଜ୍ଞାନି ହେବାରୁ ତହିଁର ବିଶ୍ରାମ-ସ୍ଥାନ ହେବ ।
\s5
\v 3 ଆଉ, ସୋର ଆପଣା ପାଇଁ ଦୃଢ଼ ଗଡ଼ ନିର୍ମାଣ କଲା ଓ ଧୂଳି ପରି ରୂପା ଓ ବାଟର କାଦୁଅ ପରି ଉତ୍ତମ ସୁନା ଗଦା କଲା ।
\v 4 ଦେଖ, ପ୍ରଭୁ ତାହାକୁ ପ୍ରତ୍ୟାଖ୍ୟାନ କରିବେ ଓ ସେ ସମୁଦ୍ରରେ ତାହାର ପରାକ୍ରମକୁ ବିନାଶ କରିବେ; ଆଉ, ଅଗ୍ନି ଦ୍ୱାରା ସେ ଗ୍ରାସିତ ହେବ ।
\s5
\v 5 ଅସ୍କିଲୋନ ତାହା ଦେଖି ଭୟ କରିବ; ଘସା ମଧ୍ୟ ଦେଖି ଅତ୍ୟନ୍ତ ବ୍ୟଥିତ ହେବ ଓ ଇକ୍ରୋଣ ହିଁ ତଦ୍ରୂପ ହେବ, କାରଣ ତାହାର ଆଶା ଲଜ୍ଜାଜନକ ହେବ; ଆଉ, ଘସାରୁ ରାଜା ବିନଷ୍ଟ ହେବ ଓ ଅସ୍କିଲୋନ ବସତିବିଶିଷ୍ଟ ନୋହିବ ।
\v 6 ପୁଣି, ଅସ୍‍ଦୋଦରେ ଜାରଜ ବାସ କରିବ ଓ ଆମ୍ଭେ ପଲେଷ୍ଟୀୟମାନଙ୍କର ଦର୍ପ ଚୂର୍ଣ୍ଣ କରିବା ।
\v 7 ଆଉ, ଆମ୍ଭେ ତାହାର ମୁଖରୁ ତାହାର ପେୟ ରକ୍ତ ଓ ତାହାର ଦନ୍ତ ମଧ୍ୟରୁ ତାହାର ଘୃଣାଯୋଗ୍ୟ ଭକ୍ଷ୍ୟ ଅପହରଣ କରିବା; ତହିଁରେ ସେ ମଧ୍ୟ ଆମ୍ଭମାନଙ୍କ ପରମେଶ୍ୱରଙ୍କ ନିମନ୍ତେ ଅବଶିଷ୍ଟାଂଶ ଲୋକ ହେବ ଓ ସେ ଯିହୁଦା ମଧ୍ୟରେ ଅଧ୍ୟକ୍ଷ ତୁଲ୍ୟ ହେବ ଓ ଏକ୍ରୋନ୍ ଯିବୂଷୀୟ ତୁଲ୍ୟ ହେବ ।
\s5
\v 8 ପୁଣି, ଆମ୍ଭେ ସୈନ୍ୟଦଳ ବିରୁଦ୍ଧରେ ଆପଣା ଗୃହର ଚତୁର୍ଦ୍ଦିଗରେ ଛାଉଣି ସ୍ଥାପନ କରିବା, ତହିଁରେ କେହି ଗମନାଗମନ କରିବେ ନାହିଁ ଓ କୌଣସି ଉପଦ୍ରବକାରୀ ସେମାନଙ୍କ ନିକଟ ଦେଇ ଆଉ ଯିବ ନାହିଁ; କାରଣ ଆମ୍ଭେ ଏବେ ସ୍ୱଚକ୍ଷୁରେ ଦେଖିଅଛୁ ।
\s ସିୟୋନର ଭାବୀ ରାଜା
\p
\s5
\v 9 ଗୋ ସିୟୋନ କନ୍ୟେ, ଅତିଶୟ ଉଲ୍ଲାସ କର ! ଗୋ ଯିରୂଶାଲମ କନ୍ୟେ, ଜୟଧ୍ୱନି କର ! ଦେଖ, ତୁମ୍ଭର ରାଜା ତୁମ୍ଭ ନିକଟକୁ ଆସୁଅଛନ୍ତି; ସେ ଧର୍ମମୟ ଓ ପରିତ୍ରାଣବିଶିଷ୍ଟ; ସେ ନମ୍ରଶୀଳ ଓ ଗର୍ଦ୍ଦଭ ଉପରେ, ଅର୍ଥାତ୍‍, ଗର୍ଦ୍ଦଭୀର ଶାବକ ଉପରେ ଆରୋହଣ କରି ଆସୁଅଛନ୍ତି ।
\v 10 ପୁଣି, ଆମ୍ଭେ ଇଫ୍ରୟିମରୁ ରଥ ଓ ଯିରୂଶାଲମରୁ ଅଶ୍ୱ ଉଚ୍ଛିନ୍ନ କରିବା ଓ ଯୁଦ୍ଧ-ଧନୁ ଉଚ୍ଛିନ୍ନ ହେବ; ଆଉ, ସେ ଗୋଷ୍ଠୀଗଣକୁ ଶାନ୍ତିର କଥା କହିବେ ଓ ତାହାଙ୍କର ରାଜ୍ୟ ଏକ ସମୁଦ୍ରଠାରୁ ଅନ୍ୟ ସମୁଦ୍ର ପର୍ଯ୍ୟନ୍ତ ଓ ନଦୀଠାରୁ ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ ହେବ ।
\s5
\v 11 ତୁମ୍ଭ ନିୟମର ରକ୍ତ ସକାଶୁ ଆମ୍ଭେ ତୁମ୍ଭର ବନ୍ଦୀମାନଙ୍କୁ ନିର୍ଜଳ କୂପ ମଧ୍ୟରୁ ବାହାର କରି ପ୍ରେରଣ କରିଅଛୁ ।
\v 12 ହେ ଭରସାଯୁକ୍ତ ବନ୍ଦୀମାନେ, ତୁମ୍ଭେମାନେ ଦୃଢ଼ ଗଡ଼ ଆଡ଼େ ଫେରି ଆସ; ଆମ୍ଭେ ତୁମ୍ଭକୁ ଦୁଇ ଗୁଣ ମଙ୍ଗଳ ଦେବା ବୋଲି ଆଜି ପ୍ରକାଶ କରୁଅଛୁ ।
\v 13 କାରଣ ଆମ୍ଭେ ଆପଣା ନିମନ୍ତେ ଧନୁସ୍ୱରୂପ ଯିହୁଦାକୁ ବଙ୍କା କରିଅଛୁ ଓ ତୀରସ୍ୱରୂପ ଇଫ୍ରୟିମରେ ତାହା ସଂଯୁକ୍ତ କରିଅଛୁ; ଆଉ, ହେ ସିୟୋନ, ଆମ୍ଭେ ତୁମ୍ଭର ସନ୍ତାନଗଣକୁ, ହେ ଗ୍ରୀସ୍‍, ତୁମ୍ଭ ସନ୍ତାନଗଣ ବିରୁଦ୍ଧରେ ଉତ୍ତେଜିତ କରିବା ଓ ତୁମ୍ଭକୁ ବୀରର ଖଡ଼୍ଗ ସ୍ୱରୂପ କରିବା ।
\s ଈଶ୍ୱରଙ୍କ ଲୋକମାନଙ୍କର ପୁନଃ ପ୍ରତିଷ୍ଠା
\p
\s5
\v 14 ପୁଣି, ସଦାପ୍ରଭୁ ସେମାନଙ୍କୁ ଉର୍ଦ୍ଧ୍ୱରୁ ଦେଖା ଯିବେ ଓ ତାହାଙ୍କର ତୀର ବିଜୁଳି ପରି ବାହାର ହେବ; ଆଉ, ପ୍ରଭୁ ସଦାପ୍ରଭୁ ତୂରୀ ବଜାଇବେ ଓ ଦକ୍ଷିଣ ଦିଗର ଘୂର୍ଣ୍ଣିବାୟୁରେ ଗମନ କରିବେ ।
\v 15 ସୈନ୍ୟାଧିପତି ସଦାପ୍ରଭୁ ସେମାନଙ୍କୁ ରକ୍ଷା କରିବେ; ତହିଁରେ ସେମାନେ ଗ୍ରାସ କରିବେ ଓ ଛାଟିଣୀ-ପଥରସବୁ ପଦ ତଳେ ଦଳିତ କରିବେ; ଆଉ, ସେମାନେ ପାନ କରିବେ ଓ ଦ୍ରାକ୍ଷାରସରେ ମତ୍ତ ଲୋକର ପରି ଶବ୍ଦ କରିବେ, ଆଉ ସେମାନେ ପାତ୍ର ପରି, ଯଜ୍ଞବେଦିର କୋଣ ପରି ପରିପୂର୍ଣ୍ଣ ହେବେ ।
\s5
\v 16 ପୁଣି, ସେହି ଦିନ ସଦାପ୍ରଭୁ ସେମାନଙ୍କ ପରମେଶ୍ୱର ଆପଣା ଲୋକମାନଙ୍କୁ ପଲ ସ୍ୱରୂପ ଉଦ୍ଧାର କରିବେ; କାରଣ ସେମାନେ ମୁକୁଟର ପ୍ରସ୍ତରସ୍ୱରୂପ ତାହାଙ୍କ ଦେଶର ଉର୍ଦ୍ଧ୍ୱରେ ଉତ୍‍ଥାପିତ ହେବେ ।
\v 17 ଯେହେତୁ ତାଙ୍କ ମଙ୍ଗଳଭାବ କିପରି ମହତ ଓ ତାଙ୍କର ସୌନ୍ଦର୍ଯ୍ୟ କିପରି ମହତ ! ଶସ୍ୟ ଯୁବାଗଣକୁ ଓ ନୂତନ ଦ୍ରାକ୍ଷାରସ ଯୁବତୀଗଣକୁ ବର୍ଦ୍ଧିଷ୍ଣୁ କରିବ ।
\s5
\c 10
\s ଯିହୁଦା ଓ ଇସ୍ରାଏଲର ପୁନରୁଦ୍ଧାର
\p
\v 1 ତୁମ୍ଭେମାନେ ଶେଷ ବୃଷ୍ଟି ସମୟରେ ସଦାପ୍ରଭୁଙ୍କ ନିକଟରେ, ଅର୍ଥାତ୍‍, ଯେ ବିଜୁଳିର ସୃଷ୍ଟି କରନ୍ତି, ସେହି ସଦାପ୍ରଭୁଙ୍କ ନିକଟରେ ବୃଷ୍ଟି ମାଗ ତହିଁରେ ସେ ପ୍ରଚୁର ବୃଷ୍ଟି ଦେଇ ପ୍ରତ୍ୟେକ ଜଣଙ୍କ କ୍ଷେତ୍ରରେ ତୃଣ ଦେବେ ।
\v 2 କାରଣ ଦେବାଦେବୀଗଣ ଅସାର କଥା କହିଅଛନ୍ତି ଓ ମନ୍ତ୍ରପାଠକମାନେ ମିଥ୍ୟା ଦର୍ଶନ ପାଇଅଛନ୍ତି ଓ ସେମାନେ ମିଥ୍ୟା ସ୍ୱପ୍ନର କଥା କହିଅଛନ୍ତି, ସେମାନେ ବୃଥାରେ ସାନ୍ତ୍ୱନା ଦିଅନ୍ତି; ଏଥିପାଇଁ ଲୋକମାନେ ମେଷଗଣ ପରି ଆପଣା ଆପଣା ପଥରେ ଗମନ କରନ୍ତି, ସେମାନେ କ୍ଳେଶଯୁକ୍ତ ଅଟନ୍ତି, କାରଣ ସେମାନଙ୍କର ପାଳକ କେହି ନାହାନ୍ତି ।
\s5
\v 3 ପାଳକମାନଙ୍କ ବିରୁଦ୍ଧରେ ଆମ୍ଭର କ୍ରୋଧ ପ୍ରଜ୍ୱଳିତ ହୋଇଅଛି ଓ ଆମ୍ଭେ ଛାଗଗଣକୁ ଶାସ୍ତି ଦେବା; କାରଣ ସୈନ୍ୟାଧିପତି ସଦାପ୍ରଭୁ ଆପଣା ପଲ ଯିହୁଦା-ବଂଶର ତତ୍ତ୍ୱାନୁସନ୍ଧାନ କରିଅଛନ୍ତି ଓ ସେମାନଙ୍କୁ ଆପଣାର ସୁନ୍ଦର ଯୁଦ୍ଧ-ଅଶ୍ୱ ତୁଲ୍ୟ କରିବେ ।
\s5
\v 4 ତାଙ୍କଠାରୁ କୋଣର ପ୍ରସ୍ତର, ତାଙ୍କଠାରୁ ପ୍ରେକ, ତାଙ୍କଠାରୁ ଯୁଦ୍ଧଧନୁ, ତାଙ୍କଠାରୁ ପ୍ରତ୍ୟେକ ଶାସନକାରୀ ଏକତ୍ର ଉତ୍ପନ୍ନ ହେବେ ।
\v 5 ପୁଣି, ସେମାନେ ବୀରଗଣ ତୁଲ୍ୟ ହୋଇ ଯୁଦ୍ଧରେ ଆପଣାମାନଙ୍କର ଶତ୍ରୁଗଣକୁ ବାଟର କାଦୁଅରେ ଦଳି ପକାଇବେ ଓ ସେମାନେ ଯୁଦ୍ଧ କରିବେ, କାରଣ ସଦାପ୍ରଭୁ ସେମାନଙ୍କର ସହବର୍ତ୍ତୀ ଅଟନ୍ତି ଓ ଅଶ୍ୱାରୋହୀମାନେ ଲଜ୍ଜିତ ହେବେ ।
\s5
\v 6 ଆଉ, ଆମ୍ଭେ ଯିହୁଦା-ବଂଶକୁ ବଳବାନ୍ କରିବା ଓ ଆମ୍ଭେ ଯୋଷେଫର ବଂଶକୁ ଉଦ୍ଧାର କରିବା ଓ ଆମ୍ଭେ ସେମାନଙ୍କୁ ପୁନର୍ବାର ଆଣିବା, କାରଣ ସେମାନଙ୍କ ପ୍ରତି ଆମ୍ଭର ଦୟା ଅଛି; ଆଉ, ଆମ୍ଭ ଦ୍ୱାରା ପରିତ୍ୟକ୍ତ ନୋହିଲା ଲୋକର ତୁଲ୍ୟ ସେମାନେ ହେବେ; କାରଣ ଆମ୍ଭେ ସଦାପ୍ରଭୁ ସେମାନଙ୍କର ପରମେଶ୍ୱର ଓ ଆମ୍ଭେ ସେମାନଙ୍କର ପ୍ରାର୍ଥନା ଶୁଣିବା ।
\v 7 ପୁଣି, ଇଫ୍ରୟିମର ଲୋକମାନେ ବୀରପୁରୁଷ ପରି ହେବେ ଓ ଦ୍ରାକ୍ଷାରସରେ ଆନନ୍ଦ କଲା ପରି ସେମାନଙ୍କ ଅନ୍ତଃକରଣ ଆନନ୍ଦ କରିବ; ହଁ, ସେମାନଙ୍କର ସନ୍ତାନଗଣ ତାହା ଦେଖିବେ ଓ ଆନନ୍ଦ କରିବେ; ସେମାନଙ୍କର ଅନ୍ତଃକରଣ ସଦାପ୍ରଭୁଙ୍କଠାରେ ଉଲ୍ଲସିତ ହେବ ।
\s5
\v 8 ଆମ୍ଭେ ସେମାନଙ୍କ ପାଇଁ ଶୀଷ୍‍ ଶବ୍ଦ କରି ସେମାନଙ୍କୁ ଏକତ୍ର କରିବା; କାରଣ ଆମ୍ଭେ ସେମାନଙ୍କୁ ମୁକ୍ତ କରିବା ଓ ସେମାନେ ଯେପରି ବହୁବଂଶ ହୋଇଥିଲେ, ସେପରି ବହୁବଂଶ ହେବେ ।
\v 9 ପୁଣି, ଆମ୍ଭେ ଯେବେ ଗୋଷ୍ଠୀଗଣ ମଧ୍ୟରେ ସେମାନଙ୍କୁ ବିଚ୍ଛିନ୍ନ କରିବା ତେବେ ସେମାନେ ନାନା ଦୂର ଦେଶରେ ଆମ୍ଭକୁ ସ୍ମରଣ କରିବେ; ଆଉ, ସେମାନେ ଆପଣା ଆପଣା ସନ୍ତାନଗଣର ସହିତ ଜୀବିତ ହୋଇ ରହିବେ ଓ ଫେରି ଆସିବେ ।
\v 10 ଆହୁରି, ଆମ୍ଭେ ସେମାନଙ୍କୁ ମିସର ଦେଶରୁ ପୁନର୍ବାର ଫେରାଇ ଆଣିବା ଓ ଅଶୂରରୁ ସେମାନଙ୍କୁ ସଂଗ୍ରହ କରିବା; ଆଉ, ଆମ୍ଭେ ସେମାନଙ୍କୁ ଗିଲୀୟଦ ଓ ଲିବାନୋନ ଦେଶକୁ ଆଣିବା ଯେ ପର୍ଯ୍ୟନ୍ତ ସେମାନଙ୍କ ନିମନ୍ତେ ସ୍ଥାନ ଅଣ୍ଟିବ ନାହିଁ ।
\s5
\v 11 ପୁଣି, ସେ ଦୁଃଖରୂପ ସାଗର ପାରି ହେବେ ଓ ସମୁଦ୍ରର ତରଙ୍ଗସମୂହକୁ ପ୍ରହାର କରିବେ ଓ ନୀଳନଦୀର ଗଭୀର ସ୍ଥାନସକଳ ଶୁଷ୍କ ହେବ; ତହିଁରେ ଅଶୂରର ଗର୍ବ ଖର୍ବ ହେବ ଓ ମିସରର ରାଜଦଣ୍ଡ ଦୂରୀକୃତ ହେବ ।
\v 12 ପୁଣି, ଆମ୍ଭେ ସଦାପ୍ରଭୁଙ୍କଠାରେ ସେମାନଙ୍କୁ ବଳବାନ କରିବା ଓ ସେମାନେ ତାହାଙ୍କ ନାମରେ ଗମନାଗମନ କରିବେ, ଏହା ସଦାପ୍ରଭୁ କହନ୍ତି ।
\s5
\c 11
\s ବଧର ଅଧୀନ ପଲ
\p
\v 1 ହେ ଲିବାନୋନ, ତୁମ୍ଭର ଏରସ ବୃକ୍ଷ ସକଳକୁ ଅଗ୍ନି ଯେପରି ଗ୍ରାସ କରିବ, ଏଥିପାଇଁ ତୁମ୍ଭର କବାଟସବୁ ଖୋଲି ଦିଅ ।
\v 2 ହେ ଦେବଦାରୁ ବୃକ୍ଷ, ହାହାକାର କର, କାରଣ ଏରସ ବୃକ୍ଷ ପତିତ ହେଲା, ମନୋହର ବୃକ୍ଷସବୁ ନଷ୍ଟ ହେଲା; ହେ ବାଶନର ଅଲୋନ ବୃକ୍ଷସବୁ, ହାହାକାର କର, କାରଣ ଦୁର୍ଗମ ବନ ଭୂମିସାତ୍‍ ହେଲା ।
\v 3 ମେଷପାଳକଗଣର ହାହାକାର ରବ ! କାରଣ ସେମାନଙ୍କର ଗୌରବ ନଷ୍ଟ ହେଲା । ଯୁବା ସିଂହଗଣର ଗର୍ଜ୍ଜନ ରବ ! କାରଣ ଯର୍ଦ୍ଦନର ଦର୍ପସ୍ଥାନ ନଷ୍ଟ ହେଲା ।
\s5
\v 4 ସଦାପ୍ରଭୁ ମୋ' ପରମେଶ୍ୱର ଏହି କଥା କହିଲେ, "ଏହି ବଧ ହେବାକୁ ଥିବା ପଲକୁ ଚରାଅ ।"
\v 5 ସେମାନଙ୍କୁ ଯେଉଁମାନେ କ୍ରୟ କରି ବଧ କରନ୍ତି ମାତ୍ର ଦଣ୍ଡ ପାଆନ୍ତି ନହିଁ; ଆଉ, ଯେଉଁମାନେ ସେମାନଙ୍କୁ ବିକ୍ରୟ କରନ୍ତି, ସେମାନେ କହନ୍ତି, ସଦାପ୍ରଭୁ ଧନ୍ୟ ହେଉନ୍ତୁ, କାରଣ ମୁଁ ଧନୀ ହୋଇଅଛି ଓ ସେମାନଙ୍କର ନିଜ ପାଳକମାନେ ସେମାନଙ୍କୁ ଦୟା କରି ନାହାନ୍ତି ।
\v 6 କାରଣ ସଦାପ୍ରଭୁ କହନ୍ତି, "ଆମ୍ଭେ ଦେଶ ନିବାସୀମାନଙ୍କୁ ଆଉ ଦୟା କରିବା ନାହିଁ; ମାତ୍ର ଦେଖ, ଆମ୍ଭେ ମନୁଷ୍ୟମାନଙ୍କ ମଧ୍ୟରେ ପ୍ରତ୍ୟେକ ଜଣକୁ ତାହାର ପ୍ରତିବାସୀର ହସ୍ତରେ ଓ ତାହାର ରାଜାର ହସ୍ତରେ ସମର୍ପଣ କରିବା; ତହିଁରେ ସେମାନେ ଦେଶକୁ ଆଘାତ କରିବେ ଓ ସେମାନଙ୍କ ହସ୍ତରୁ ଆମ୍ଭେ ସେମାନଙ୍କୁ ଉଦ୍ଧାର କରିବା ନାହିଁ ।"
\s5
\v 7 ଏଥିରେ ମୁଁ ସେହି ବଧ ନିମନ୍ତେ ଥିବା ପଲକୁ, ଓ ପ୍ରକୃତ ପଲମାନଙ୍କୁ ଚରାଇଲି; ପୁଣି, ମୁଁ ଦୁଇଗୋଟି ଯଷ୍ଟି ନେଇ ଗୋଟିକର ନାମ ଶୋଭା ଓ ଅନ୍ୟଟିର ନାମ ବନ୍ଧନୀ ଦେଲି ଆଉ, ମୁଁ ପଲ ଚରାଇଲି ।
\v 8 ଆଉ, ମୁଁ ଏକ ମାସ ମଧ୍ୟରେ ତିନି ଜଣ ପାଳକଙ୍କୁ ଉଚ୍ଛିନ୍ନ କଲି; କାରଣ ସେମାନଙ୍କ ବିଷୟରେ ମୋର ପ୍ରାଣ ବିରକ୍ତି ହୋଇଥିଲା, ମଧ୍ୟ ସେମାନଙ୍କ ପ୍ରାଣ ମୋତେ ଘୃଣା କଲା ।
\v 9 ସେତେବେଳେ ମୁଁ କହିଲି, "ମୁଁ ତୁମ୍ଭମାନଙ୍କୁ ଚରାଇବି ନାହିଁ; ଯେ ମରିବ, ସେ ମରୁ ଓ ଯାହାର ଉଚ୍ଛିନ୍ନ ହେବାର ଅଛି, ସେ ଉଚ୍ଛିନ୍ନ ହେଉ ଓ ଯେଉଁମାନେ ଅବଶିଷ୍ଟ ରହନ୍ତି, ସେମାନଙ୍କର ଏକ ଜଣ ଅନ୍ୟର ମାଂସ ଖାଉ ।"
\s5
\v 10 ପୁଣି, ମୁଁ ଆପଣା 'ଶୋଭା' ନାମକ ଯଷ୍ଟି ନେଲି ଓ ସବୁ ଗୋଷ୍ଠୀ ସଙ୍ଗରେ ମୁଁ ଯେଉଁ ନିୟମ କରିଥିଲି, ତାହା ଭାଙ୍ଗିବା ନିମନ୍ତେ ସେହି ଯଷ୍ଟିକୁ ଖଣ୍ଡ ଖଣ୍ଡ କରି କାଟିଲି ।
\v 11 ଆଉ, ତାହା ସେହି ଦିନ ଭଗ୍ନ ହେଲା; ତହିଁରେ ପଲର ଯତ୍ନ ଯେଉଁମାନେ ନିଅନ୍ତି ମୋ' କଥାରେ ମନୋଯୋଗ କଲେ; ସେମାନେ ତାହା ଯେ ସଦାପ୍ରଭୁଙ୍କର ବାକ୍ୟ, ଏହା ଜାଣିଲେ ।
\v 12 ପୁଣି, ମୁଁ ସେମାନଙ୍କୁ କହିଲି, "ଯଦି ତୁମ୍ଭେମାନେ ଭଲ ବୋଧ କର, ତେବେ ମୋର ବେତନ ମୋତେ ଦିଅ; ନୋହିଲେ କ୍ଷାନ୍ତ ହୁଅ ।" ତହିଁରେ ସେମାନେ ମୋର ବେତନ ନିମନ୍ତେ ତିରିଶ ରୌପ୍ୟ ମୁଦ୍ରା ତୌଲି କରି ଦେଲେ ।
\s5
\v 13 ଆଉ, ସଦାପ୍ରଭୁ ମୋତେ କହିଲେ, "ଏହା କୁମ୍ଭକାର ନିକଟରେ ପକାଇ ଦିଅ, ଏହି ବିଲକ୍ଷଣ ମୂଲ୍ୟରେ ସେମାନେ ଆମ୍ଭର ମୂଲ୍ୟ ନିର୍ଣ୍ଣୟ କରିଅଛନ୍ତି ।" ତହିଁରେ ମୁଁ ସେହି ତିରିଶ ରୌପ୍ୟ ମୁଦ୍ରା ନେଇ ସଦାପ୍ରଭୁଙ୍କ ଗୃହରେ କୁମ୍ଭକାର ନିକଟରେ ପକାଇ ଦେଲି
\v 14 ଏଉତ୍ତାରେ ମୁଁ 'ବନ୍ଧନୀ' ନାମକ ମୋହର ଅନ୍ୟ ଯଷ୍ଟି ନେଇ ଯିହୁଦାର ଓ ଇସ୍ରାଏଲର ମଧ୍ୟରେ ଭ୍ରାତୃଭାବ ଭଗ୍ନ କରିବା ନିମନ୍ତେ ତାହା ଖଣ୍ଡ ଖଣ୍ଡ କରି କାଟିଲି ।
\s5
\v 15 ଅନନ୍ତର ସଦାପ୍ରଭୁ ମୋତେ କହିଲେ, "ତୁମ୍ଭେ ପୁନର୍ବାର ଏକ ନିର୍ବୋଧ ମେଷପାଳକର ସଜ ନିଅ ।"
\v 16 କାରଣ ଦେଖ, ଆମ୍ଭେ ଦେଶ ମଧ୍ୟରେ ଏକ ପାଳକ ଉତ୍ପନ୍ନ କରାଇବା, ସେ ଉଚ୍ଛିନ୍ନ ଲୋକମାନଙ୍କର ତତ୍ତ୍ୱାବଧାନ କରିବ ନାହିଁ, କିଅବା, ଭଗ୍ନାଙ୍ଗମାନଙ୍କୁ ସୁସ୍ଥ କରିବ ନାହିଁ; ଅଥବା ସୁସ୍ଥମାନଙ୍କୁ ଚରାଇବ ନାହିଁ, ମାତ୍ର ସେ ହୃଷ୍ଟପୁଷ୍ଟ ମେଷଗଣର ମାଂସ ଭୋଜନ କରିବ ଓ ସେମାନଙ୍କର ଖୁରା ଖଣ୍ଡ ଖଣ୍ଡ କରି ବିଦୀର୍ଣ୍ଣ କରିବ ।
\s5
\v 17 ଯେଉଁ ଅକର୍ମଣ୍ୟ ପାଳକ ପଲ ତ୍ୟାଗ କରେ, ସେ ସନ୍ତାପର ପାତ୍ର ! ତାହାର ବାହୁରେ ଓ ଡାହାଣ ଚକ୍ଷୁରେ ଖଡ଼୍‍ଗ ପଡ଼ିବ; ତାହାର ବାହୁ ସମ୍ପୂର୍ଣ୍ଣ ରୂପେ ଶୁଷ୍କ ହେବ ଓ ତାହାର ଡାହାଣ ଚକ୍ଷୁ ସମ୍ପୂର୍ଣ୍ଣ ଅନ୍ଧ ହେବ ।
\s5
\c 12
\s ଭବିଷ୍ୟତରେ ଇସ୍ରାଏଲର ଉଦ୍ଧାର
\p
\v 1 ଇସ୍ରାଏଲ ବିଷୟରେ ସଦାପ୍ରଭୁଙ୍କର ବାକ୍ୟ । ଯେ ଆକାଶମଣ୍ଡଳ ବିସ୍ତାର କରନ୍ତି ଓ ପୃଥିବୀର ଭିତ୍ତିମୂଳ ସ୍ଥାପନ କରନ୍ତି ଓ ମନୁଷ୍ୟର ଅନ୍ତରରେ ଆତ୍ମା ନିର୍ମାଣ କରନ୍ତି, ସେହି ସଦାପ୍ରଭୁ ଏହି କଥା କହନ୍ତି ।
\v 2 ଦେଖ, ଆମ୍ଭେ ଚତୁର୍ଦ୍ଦିଗସ୍ଥିତ ସମସ୍ତ ଗୋଷ୍ଠୀ ପ୍ରତି ଯିରୂଶାଲମକୁ ଟଳଟଳଜନକ ପାନପାତ୍ର ସ୍ୱରୂପ କରିବା ଓ ଯିରୂଶାଲମର ଅବରୋଧ ସମୟରେ ଯିହୁଦା ଉପରେ ମଧ୍ୟ ବର୍ତ୍ତିବ ।
\v 3 ପୁଣି, ସେହି ଦିନ ଆମ୍ଭେ ଯିରୂଶାଲମକୁ ସମସ୍ତ ଗୋଷ୍ଠୀ ପ୍ରତି ଭାର ସ୍ୱରୂପ ପ୍ରସ୍ତର କରିବା; ଯେଉଁମାନେ ସେହି ପ୍ରସ୍ତର ଉଠାଇବା ପାଇଁ ଚେଷ୍ଟା କରନ୍ତି, ସେହି ସମସ୍ତେ ଅତ୍ୟନ୍ତ କ୍ଷତବିକ୍ଷତ ହେବେ ଓ ପୃଥିବୀସ୍ଥ ସମସ୍ତ ଗୋଷ୍ଠୀ ତାହା ବିରୁଦ୍ଧରେ ଏକତ୍ରିତ ହେବେ ।
\s5
\v 4 ସଦାପ୍ରଭୁ କହନ୍ତି, "ସେହି ଦିନ ଆମ୍ଭେ ପ୍ରତ୍ୟେକ ଅଶ୍ୱକୁ ଆତଙ୍କରେ ଓ ଆରୋହୀକୁ ପାଗଳାମିରେ ଆଘାତ କରିବା ଆଉ, ଆମ୍ଭେ ଯିହୁଦା-ବଂଶ ପ୍ରତି ଆପଣା ଚକ୍ଷୁ ମେଲାଇ ଗୋଷ୍ଠୀଗଣର ପ୍ରତ୍ୟେକ ଅଶ୍ୱକୁ ଅନ୍ଧ କରିବା ।"
\v 5 ପୁଣି, ଯିହୁଦାର ଅଧ୍ୟକ୍ଷଗଣ ଆପଣା ଆପଣା ମନରେ କହିବେ, "ଯିରୂଶାଲମର ନିବାସୀମାନେ ଆମର ବଳସ୍ୱରୂପ ଅଟନ୍ତି କାରଣ ସୈନ୍ୟାଧିପତି ସଦାପ୍ରଭୁ ସେମାନଙ୍କ ପରମେଶ୍ୱରଙ୍କ ଅଟନ୍ତି ।
\s5
\v 6 ସେହି ଦିନ ଆମ୍ଭେ ଯିହୁଦାର ଅଧ୍ୟକ୍ଷଗଣକୁ କାଷ୍ଠ ମଧ୍ୟରେ ଅଗ୍ନିଧାରୀ ପାତ୍ର ସ୍ୱରୂପ ଓ ଶସ୍ୟବିଡ଼ା ମଧ୍ୟରେ ମଶାଲ ସ୍ୱରୂପ କରିବା ଆଉ, ସେମାନେ ଦକ୍ଷିଣ ଓ ବାମରେ ଚତୁଃପାଶ୍ୱର୍ସ୍ଥିତ ସମସ୍ତ ଗୋଷ୍ଠୀଙ୍କୁ ଗ୍ରାସ କରିବେ; ଆଉ, ଯିରୂଶାଲମ ପୁନର୍ବାର ସ୍ୱସ୍ଥାନରେ, ଅର୍ଥାତ୍‍, ଯିରୂଶାଲମରେ ବାସ କରିବ ।
\s5
\v 7 ଆହୁରି, ଦାଉଦ-ବଂଶର ଗୌରବ ଓ ଯିରୂଶାଲମ ନିବାସୀଗଣର ଗୌରବ ଯେପରି ଯିହୁଦା-ବଂଶର ଉପରେ ଉନ୍ନତ ନ ହୁଏ, ଏଥିପାଇଁ ସଦାପ୍ରଭୁ ପ୍ରଥମରେ ଯିହୁଦାର ତମ୍ବୁସବୁକୁ ଉଦ୍ଧାର କରିବେ ।
\v 8 ସେହି ଦିନ ସଦାପ୍ରଭୁ ଯିରୂଶାଲମର ନିବାସୀଗଣକୁ ରକ୍ଷା କରିବେ ଓ ସେମାନଙ୍କ ମଧ୍ୟରେ ଯେଉଁ ଜନ ଦୁର୍ବଳ, ସେହି ଦିନ ସେ ଦାଉଦ ପରି ହେବ ଓ ଦାଉଦ-ବଂଶ ପରମେଶ୍ୱରଙ୍କ ପରି, ସେମାନଙ୍କର ଅଗ୍ରଗାମୀ ସଦାପ୍ରଭୁଙ୍କର ଦୂତ ପରି ହେବେ ।
\v 9 ଆଉ, ଯେଉଁମାନେ ଯିରୂଶାଲମର ବିରୁଦ୍ଧରେ ଆସନ୍ତି, ସେହି ସମସ୍ତ ଗୋଷ୍ଠୀଙ୍କୁ ଆମ୍ଭେ ସେହି ଦିନ ନଷ୍ଟ କରିବାକୁ ମନସ୍ଥ କରିବା ।
\s5
\v 10 ପୁଣି, ଆମ୍ଭେ ଦାଉଦ ବଂଶ ଉପରେ ଓ ଯିରୂଶାଲମ ନିବାସୀମାନଙ୍କ ଉପରେ ଅନୁଗ୍ରହ ଓ ବିନତିଜନକ ଆତ୍ମା ବୃଷ୍ଟି କରିବା; ତହିଁରେ ସେମାନେ ଆମ୍ଭ ପ୍ରତି, ଅର୍ଥାତ୍‍, ଯାହାଙ୍କୁ ସେମାନେ ବିଦ୍ଧ କରିଅଛନ୍ତି, ତାହାଙ୍କ ପ୍ରତି ଦୃଷ୍ଟିପାତ କରିବେ; ଆଉ, କେହି ଯେପରି ଆପଣାର ଏକମାତ୍ର ପୁତ୍ର ଲାଗି ଶୋକ କରେ, ସେପରି ସେମାନେ ତାହାଙ୍କ ପାଇଁ ଶୋକ କରିବେ ଓ କେହି ଯେପରି ଆପଣା ପ୍ରଥମଜାତର ନିମନ୍ତେ ବ୍ୟାକୁଳିତ ହୁଏ, ସେପରି ସେମାନେ ତାହାଙ୍କ ପାଇଁ ବ୍ୟାକୁଳିତ ହେବେ ।
\v 11 ସେଦିନ ମଗିଦ୍ଦୋନ୍‍ ଉପତ୍ୟକାରେ ହଦଦ୍‍ରିମ୍ମୋଣର ଶୋକ ତୁଲ୍ୟ ଯିରୂଶାଲମରେ ମହା ଶୋକ ହେବ ।
\s5
\v 12 ପୁଣି ଦେଶ, ପ୍ରତ୍ୟେକ ଗୋଷ୍ଠୀ ନିଜେ ନିଜେ ଶୋକ କରିବେ; ଦାଉଦ-ବଂଶର ଗୋଷ୍ଠୀ ନିଜେ ଓ ସେମାନଙ୍କର ସ୍ତ୍ରୀଗଣ ନିଜେ; ନାଥନ-ବଂଶର ଗୋଷ୍ଠୀ ନିଜେ ଓ ସେମାନଙ୍କର ସ୍ତ୍ରୀଗଣ ନିଜେ;
\v 13 ଲେବୀ-ବଂଶର ଗୋଷ୍ଠୀ ନିଜେ ଓ ସେମାନଙ୍କର ସ୍ତ୍ରୀଗଣ ନିଜେ; ଶିମୀୟିର ଗୋଷ୍ଠୀ ନିଜେ ଓ ସେମାନଙ୍କର ସ୍ତ୍ରୀଗଣ ନିଜେ ନିଜେ ଶୋକ କରିବେ;
\v 14 ଅବଶିଷ୍ଟ ସମୁଦାୟ ଗୋଷ୍ଠୀ ମଧ୍ୟରୁ ପ୍ରତ୍ୟେକ ଗୋଷ୍ଠୀ ନିଜେ ଓ ସେମାନଙ୍କର ସ୍ତ୍ରୀଗଣ ନିଜେ ନିଜେ ଶୋକ କରିବେ ।
\s5
\c 13
\p
\v 1 ସେହି ଦିନ ପାପ ଓ ଅଶୁଚିତାର ନିମନ୍ତେ ଦାଉଦ-ବଂଶର ଓ ଯିରୂଶାଲମର ନିବାସୀଗଣର ପ୍ରତି ଏକ ନିର୍ଝର ଖୋଲାଯିବ ।
\s ପ୍ରତିମାଗଣର ଉଚ୍ଛିନ୍ନ
\p
\v 2 ପୁଣି, ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, "ସେହି ଦିନ ଆମ୍ଭେ ଦେଶରୁ ପ୍ରତିମାଗଣର ନାମ ଉଚ୍ଛିନ୍ନ କରିବା ଓ ସେମାନେ ଆଉ ସ୍ମରଣ କରା ଯିବେ ନାହିଁ; ଆହୁରି, ଆମ୍ଭେ ଦେଶରୁ ଭବିଷ୍ୟଦ୍‍ବକ୍ତାଗଣଙ୍କୁ ଓ ଅଶୁଚିତାର ଆତ୍ମାକୁ ବାହାର କରିବା ।
\s5
\v 3 ଆଉ, କେହି ଯଦି ପୁନର୍ବାର ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରେ, ତେବେ ତାହାର ଜନ୍ମଦାତା ପିତା ଓ ମାତା ତାହାକୁ କହିବେ, ତୁମ୍ଭେ ବଞ୍ଚିବ ନାହିଁ; କାରଣ ତୁମ୍ଭେ ସଦାପ୍ରଭୁଙ୍କ ନାମରେ ମିଥ୍ୟା କହୁଅଛ; ଆଉ, ସେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କଲା ବେଳେ, ତାହାର ଜନ୍ମଦାତା ପିତା ଓ ମାତା ତାହାକୁ ଅସ୍ତ୍ରବିଦ୍ଧ କରିବେ ।
\s5
\v 4 ପୁଣି, ସେହି ଦିନ ଭବିଷ୍ୟଦ୍‍ବକ୍ତାଗଣ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କଲା ବେଳେ, ପ୍ରତ୍ୟେକେ ଆପଣା ଆପଣା ଦର୍ଶନ ବିଷୟରେ ଲଜ୍ଜିତ ହେବେ ଓ ପ୍ରତାରଣା କରିବା ପାଇଁ ସେମାନେ ଲୋମଶ ବସ୍ତ୍ର ପରିଧାନ କରିବେ ନାହିଁ ।
\v 5 ମାତ୍ର ସେ କହିବ, 'ମୁଁ ଭବିଷ୍ୟଦ୍‍ବକ୍ତା ନୁହେଁ, ମୁଁ କୃଷକ, କାରଣ ବାଲ୍ୟକାଳରୁ କ୍ରୀତଦାସ ହୋଇଅଛି ।'
\v 6 ପୁଣି, ତୁମ୍ଭର ଦୁଇ ବାହୁ ମଧ୍ୟରେ ଏହି କ୍ଷତଦାଗସବୁ କଅଣ ? ଏହା କେହି ତାହାକୁ ପଚାରିଲେ, ସେ ଉତ୍ତର କରିବ, 'ମୁଁ ଆପଣା ବନ୍ଧୁମାନଙ୍କ ଗୃହରେ ଯେଉଁ ଆଘାତ ପାଇଥିଲି, ଏହିସବୁ ସେହି ।'"
\s ପାଳକକୁ ଆଘାତ
\p
\s5
\v 7 ହେ ଖଡ଼୍‍ଗ, ଆମ୍ଭ ପାଳକର ବିରୁଦ୍ଧରେ ଓ ଆମ୍ଭ ସଖା-ମନୁଷ୍ୟର ବିରୁଦ୍ଧରେ ଜାଗ୍ରତ ହୁଅ, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, "ପାଳକକୁ ଆଘାତ କର," ତହିଁରେ ମେଷଗଣ ଛିନ୍ନଭିନ୍ନ ହୋଇଯିବେ ଓ ଆମ୍ଭେ କ୍ଷୁଦ୍ର ଲୋକମାନଙ୍କର ଉପରେ ଆପଣା ହସ୍ତ ଫେରାଇବା ।"
\s5
\v 8 ପୁଣି, ସଦାପ୍ରଭୁ କହନ୍ତି, "ସମୁଦାୟ ଦେଶର ଦୁଇ ଅଂଶ ଲୋକ ଉଚ୍ଛିନ୍ନ ହୋଇ ମରିବେ; ମାତ୍ର ତୃତୀୟାଂଶ ତହିଁ ମଧ୍ୟରେ ଛଡ଼ାଯିବେ ।
\v 9 ଆଉ, ସେହି ତୃତୀୟାଂଶକୁ ଆମ୍ଭେ ଅଗ୍ନି ମଧ୍ୟଦେଇ ଆଣିବା ଓ ରୂପା ଯେପରି ପରିଷ୍କୃତ ହୁଏ, ତଦ୍ରୂପ ସେମାନଙ୍କୁ ପରିଷ୍କାର କରିବା, ଆଉ ସୁନା ଯେପରି ପରୀକ୍ଷିତ ହୁଏ, ସେପରି ସେମାନଙ୍କୁ ପରୀକ୍ଷା କରିବା । ସେମାନେ ଆମ୍ଭ ନାମରେ ପ୍ରାର୍ଥନା କରିବେ ଓ ଆମ୍ଭେ ସେମାନଙ୍କର ପ୍ରାର୍ଥନା ଶୁଣିବା । ଆମ୍ଭେ କହିବା, 'ଏମାନେ ଆମ୍ଭର ଲୋକ' ଆଉ, ସେମାନେ କହିବେ, 'ସଦାପ୍ରଭୁ ଆମ୍ଭର ପରମେଶ୍ୱର ଅଟନ୍ତି ।'"
\s5
\c 14
\s ସଦାପ୍ରଭୁଙ୍କ ଦିନର ଆଗମନ
\p
\v 1 ଦେଖ, ସଦାପ୍ରଭୁଙ୍କର ଏକ ଦିନ ଆସୁଅଛି, ସେହି ସମୟରେ ତୁମ୍ଭ ସମ୍ପତ୍ତି ତୁମ୍ଭ ମଧ୍ୟରେ ବିଭକ୍ତ କରାଯିବ ।
\v 2 କାରଣ ଯିରୂଶାଲମ ବିରୁଦ୍ଧରେ ସଂଗ୍ରାମ ପାଇଁ ସମସ୍ତ ଗୋଷ୍ଠୀଙ୍କୁ ଆମ୍ଭେ ସଂଗ୍ରହ କରିବା; ପୁଣି, ନଗର ଶତ୍ରୁ ହସ୍ତଗତ ଓ ଗୃହସକଳ ଲୁଟିତ ହେବ ଓ ସ୍ତ୍ରୀମାନେ ବଳାତ୍କୃତ ହେବେ; ଆଉ, ନଗରର ଅର୍ଦ୍ଧେକ ଲୋକ ବନ୍ଦୀ ହୋଇ ଯିବେ ମାତ୍ର ଅବଶିଷ୍ଟ ଲୋକ ନଗରରୁ ଉଚ୍ଛିନ୍ନ ହେବେ ନାହିଁ ।
\s5
\v 3 ସେତେବେଳେ ସଦାପ୍ରଭୁ ବାହାର ହେବେ ଓ ସଂଗ୍ରାମ ଦିନରେ ଯେପରି ଯୁଦ୍ଧ କଲେ, ସେହିପରି ସେହିସବୁ ଗୋଷ୍ଠୀ ବିରୁଦ୍ଧରେ ଯୁଦ୍ଧ କରିବେ ।
\v 4 ପୁଣି, ସେହି ଦିନ ପୂର୍ବ ଦିଗରେ ଯିରୂଶାଲମର ସମ୍ମୁଖସ୍ଥ ଜୈତୁନ ପର୍ବତରେ ତାହାଙ୍କର ଚରଣ ଥୁଆ ହେବ ଓ ଜୈତୁନ ପର୍ବତର ମଧ୍ୟ ଦେଶ ପୂର୍ବ ଓ ପଶ୍ଚିମ ଦିଗରେ ବିଦୀର୍ଣ୍ଣ ହୋଇ ଅତି ବୃହତ୍ ଏକ ଉପତ୍ୟକା ହେବ; ଆଉ, ପର୍ବତର ଅର୍ଦ୍ଧେକ ଉତ୍ତର ଦିଗ ଆଡ଼େ ଓ ଅର୍ଦ୍ଧେକ ଦକ୍ଷିଣ ଦିଗ ଆଡ଼େ ଘୁଞ୍ଚିଯିବ ।
\s5
\v 5 ଆଉ, ତୁମ୍ଭେମାନେ ଆମ୍ଭ ପର୍ବତଗଣର ଉପତ୍ୟକା ଦେଇ ପଳାୟନ କରିବ; କାରଣ ପର୍ବତଗଣର ଉପତ୍ୟକା ଆତ୍‍ସଲ ପର୍ଯ୍ୟନ୍ତ ଯିବ; ହଁ, ତୁମ୍ଭେମାନେ ଯିହୁଦାର ରାଜା ଉଷିୟର ସମୟରେ ଯେପରି ଭୂମିକମ୍ପର ଆଗରୁ ପଳାୟନ କଲେ, ସେପରି ପଳାୟନ କରିବ । ଆଉ, ସଦାପ୍ରଭୁ ମୋ' ପରମେଶ୍ୱର ଆସିବେ ଓ ତାହାଙ୍କ ସଙ୍ଗେ ସବୁ ପବିତ୍ର ପ୍ରାଣୀମାନେ ଆସିବେ ।
\s5
\v 6 ପୁଣି, ସେହି ଦିନ ଏପରି ଘଟିବ ଯେ, ଦୀପ୍ତି, ଥଣ୍ଡା, ବା ବରଫ ହେବ ନାହିଁ ।
\v 7 ମାତ୍ର ତାହା ଗୋଟିଏ ଦିନ ହେବ, ତହିଁର ତତ୍ତ୍ୱ ସଦାପ୍ରଭୁଙ୍କୁ ଜଣା; ତାହା ଦିନ ନୁହେଁ କି ରାତ୍ରି ନୁହେଁ; ମାତ୍ର ସନ୍ଧ୍ୟାକାଳରେ ଦୀପ୍ତି ହେବ ।
\v 8 ପୁଣି, ସେହି ଦିନ ଯିରୂଶାଲମରୁ ଅମୃତ ଜଳ ନିର୍ଗତ ହେବ; ତହିଁର ଅର୍ଦ୍ଧେକ ପୂର୍ବ ସମୁଦ୍ର ଆଡ଼େ ଓ ଅର୍ଦ୍ଧେକ ପଶ୍ଚିମ ସମୁଦ୍ର ଆଡ଼େ ଯିବ; ଗ୍ରୀଷ୍ମକାଳରେ ଓ ଶୀତକାଳରେ ତାହା ରହିବ ।
\s5
\v 9 ଆଉ, ସଦାପ୍ରଭୁ ସମୁଦାୟ ପୃଥିବୀ ଉପରେ ରାଜା ହେବେ; ସେହି ଦିନ ସଦାପ୍ରଭୁ ଅଦ୍ୱିତୀୟ ହେବେ ଓ ତାହାଙ୍କର ନାମ ଅଦ୍ୱିତୀୟ ହେବ ।
\v 10 ଗେବାଠାରୁ ଯିରୂଶାଲମର ଦକ୍ଷିଣସ୍ଥ ରିମ୍ମୋନ ପର୍ଯ୍ୟନ୍ତ ସମସ୍ତ ଦେଶ ଆରବା ତୁଲ୍ୟ ପରିବର୍ତ୍ତିତ ହେବ; ଆଉ, ନଗର ଉନ୍ନତ ହୋଇ ବିନ୍ୟାମୀନର ଦ୍ୱାରଠାରୁ ପ୍ରଥମ ଦ୍ୱାରର ସ୍ଥାନ, ଅର୍ଥାତ୍‍, କୋଣର ଦ୍ୱାର ପର୍ଯ୍ୟନ୍ତ ଓ ହନନେଲର ଦୁର୍ଗଠାରୁ ରାଜାର ଦ୍ରାକ୍ଷାଯନ୍ତ୍ର ପର୍ଯ୍ୟନ୍ତ ଆପଣା ସ୍ଥାନରେ ବାସ କରିବ ।
\v 11 ପୁଣି, ମନୁଷ୍ୟମାନେ ତହିଁ ମଧ୍ୟରେ ବାସ କରିବେ, ପୁଣି ଅଭିଶାପ ଆଉ ରହିବ ନାହିଁ; ମାତ୍ର ଯିରୂଶାଲମ ନିରାପଦରେ ବାସ କରିବ ।
\s5
\v 12 ଆଉ, ଯେଉଁ ସକଳ ଗୋଷ୍ଠୀ ଯିରୂଶାଲମ ବିରୁଦ୍ଧରେ ଯୁଦ୍ଧ କରିଅଛନ୍ତି, ସଦାପ୍ରଭୁ ସେମାନଙ୍କୁ ଯେଉଁ ମହାମାରୀରେ ଆଘାତ କରିବେ, ତାହା ଏହି; ସେମାନେ ଆପଣା ଆପଣା ଚରଣରେ ଠିଆ ହେବା ବେଳେ ସେମାନଙ୍କର ମାଂସ କ୍ଷୟ ପାଇବ ଓ ସେମାନଙ୍କର ଚକ୍ଷୁ ଆପଣା ଆପଣା କୋରଡ଼ରେ କ୍ଷୟ ପାଇବ ଓ ସେମାନଙ୍କ ମୁଖରେ ସେମାନଙ୍କର ଜିହ୍ୱା କ୍ଷୟ ପାଇବ ।
\v 13 ପୁଣି, ସେହି ଦିନ ସେମାନଙ୍କ ମଧ୍ୟରେ ସଦାପ୍ରଭୁଙ୍କ ଆଡ଼ରୁ ମହା କୋଳାହଳ ହେବ; ଆଉ, ସେମାନଙ୍କର ପ୍ରତ୍ୟେକ ଜଣ ଆପଣା ଆପଣା ପ୍ରତିବାସୀର ହସ୍ତ ଧରିବେ ଓ ପ୍ରତ୍ୟେକର ହସ୍ତ ଆପଣା ଆପଣା ପ୍ରତିବାସୀର ହସ୍ତ ବିରୁଦ୍ଧରେ ଉଠିବ ।
\s5
\v 14 ଯିହୁଦା ମଧ୍ୟ ଯିରୂଶାଲମ ବିରୁଦ୍ଧରେ ଯୁଦ୍ଧ କରିବ ଓ ଚତୁର୍ଦ୍ଦିଗସ୍ଥିତ ସବୁ ଗୋଷ୍ଠୀଙ୍କ ସମ୍ପତ୍ତି, ସୁନା, ରୂପା ଓ ବସ୍ତ୍ର ଅତିଶୟ ପ୍ରଚୁର ରୂପେ ସଞ୍ଚୟ କରାଯିବ ।
\v 15 ପୁଣି, ସେହିସବୁ ଛାଉଣିରେ ଯେଉଁ ଅଶ୍ୱ, ଖଚର, ଓଟ ଓ ଗଧ ଓ ସବୁ ପ୍ରକାର ପଶୁ ଥିବେ, ସେମାନଙ୍କ ପ୍ରତି ଯେଉଁ ମହାମାରୀ ଘଟିବ, ତାହା ସେହି ମହାମାରୀ ପରି ହେବ ।
\s5
\v 16 ଆଉ, ଯେଉଁ ଗୋଷ୍ଠୀସବୁ ଯିରୂଶାଲମ ବିରୁଦ୍ଧରେ ଆସିଲେ, ସେମାନଙ୍କ ମଧ୍ୟରୁ ଯେଉଁମାନେ ଅବଶିଷ୍ଟ ରହିବେ, ସେ ପ୍ରତ୍ୟେକେ ସୈନ୍ୟାଧିପତି ସଦାପ୍ରଭୁ ରାଜାଙ୍କ ନିକଟରେ ପ୍ରଣାମ କରିବା ପାଇଁ ଓ ପତ୍ର-କୁଟୀର ପର୍ବ ପାଳନ କରିବା ପାଇଁ ବର୍ଷକୁ ବର୍ଷ ଆସିବେ ।
\v 17 ପୁଣି, ପୃଥିବୀସ୍ଥ ସବୁ ଗୋଷ୍ଠୀ ମଧ୍ୟରୁ ଯେଉଁମାନେ ସୈନ୍ୟାଧିପତି ସଦାପ୍ରଭୁ ରାଜାଙ୍କ ନିକଟରେ ପ୍ରଣାମ କରିବା ପାଇଁ ଯିରୂଶାଲମକୁ ଆସିବେ ନାହିଁ, ସେମାନଙ୍କ ଉପରେ କିଛି ଜଳ ବୃଷ୍ଟି ହେବ ନାହିଁ ।
\v 18 ଆଉ, ମିସରର ଗୋଷ୍ଠୀ ଯଦି ନ ଆସେ, ତେବେ ସେମାନଙ୍କ ଉପରେ ଜଳ ବୃଷ୍ଟି ହେବ ନାହିଁ; ଯେଉଁ ଗୋଷ୍ଠୀଗଣ ପତ୍ର-କୁଟୀର ପର୍ବ ପାଳନ କରିବା ପାଇଁ ଆସିବେ ନାହିଁ, ସେମାନଙ୍କୁ ସଦାପ୍ରଭୁ ମହାମାରୀରେ ଆଘାତ କରିବେ ।
\s5
\v 19 ଏହା ମିସରର ଦଣ୍ଡ ହେବ ଓ ଯେଉଁସବୁ ଗୋଷ୍ଠୀ ପତ୍ର-କୁଟୀର ପର୍ବ ପାଳନ କରିବାକୁ ଆସିବେ ନାହିଁ, ସେମାନଙ୍କ ପ୍ରତି ଏହି ଦଣ୍ଡ ହେବ ।
\s5
\v 20 ସେହି ଦିନ ଅଶ୍ୱଗଣର ଘଣ୍ଟି ଏହି କଥା କହିବ, "ସଦାପ୍ରଭୁ ପବିତ୍ର" ଓ ସଦାପ୍ରଭୁଙ୍କ ଗୃହର ହାଣ୍ଡିସବୁ ଯଜ୍ଞବେଦି ସମ୍ମୁଖସ୍ଥ ପାତ୍ରସବୁର ପରି ହେବ ।
\v 21 ହଁ, ଯିରୂଶାଲମର ଓ ଯିହୁଦାର ହାଣ୍ଡିସବୁ ସୈନ୍ୟାଧିପତି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ହେବ; ଆଉ, ଯଜ୍ଞକାରୀ ସମସ୍ତେ ଆସି ସେହି ହାଣ୍ଡି ମଧ୍ୟରୁ ନେଇ ରୋଷେଇ କରିବେ ଓ ତହିଁରେ ପାକ କରିବେ; ପୁଣି, ସେହି ଦିନ ସୈନ୍ୟାଧିପତି ସଦାପ୍ରଭୁଙ୍କ ଗୃହରେ କିଣାନୀୟ କୌଣସି ଲୋକ ଆଉ ନ ଥିବ ।

115
39-MAL.usfm Normal file
View File

@ -0,0 +1,115 @@
\id MAL
\ide UTF-8
\sts - Odia Old Version Revision
\rem Copyright information: Creative Commons Attribution-ShareAlike 4.0 License
\h ମଲାଖି
\toc1 ମଲାଖି ଭବିଷ୍ୟବକ୍ତାଙ୍କ ପୁସ୍ତକ
\toc2 ମଲାଖି
\toc3 mal
\mt1 ମଲାଖି ଭବିଷ୍ୟଦ୍‍ବକ୍ତାଙ୍କ ପୁସ୍ତକ
\mt2 THE BOOK OF PROPHET
\s5
\c 1
\p
\v 1 ମଲାଖିଙ୍କ ଦ୍ୱାରା ଇସ୍ରାଏଲ ପ୍ରତି ସଦାପ୍ରଭୁଙ୍କ ବାକ୍ୟ ଘୋଷଣା ।
\s ଇସ୍ରାଏଲ ପ୍ରତି ସଦାପ୍ରଭୁଙ୍କ ପ୍ରେମ
\p
\v 2 ସଦାପ୍ରଭୁ କହନ୍ତି, "ଆମ୍ଭେ ତୁମ୍ଭମାନଙ୍କୁ ପ୍ରେମ କରିଅଛୁ।" ତଥାପି ତୁମ୍ଭେମାନେ କହୁଅଛ, "ତୁମ୍ଭେ କାହିଁରେ ଆମ୍ଭମାନଙ୍କୁ ପ୍ରେମ କରିଅଛ ?" ସଦାପ୍ରଭୁ କହନ୍ତି, "ଏଷୌ କି ଯାକୁବର ଭାଇ ନ ଥିଲା ?" "ତଥାପି ଆମ୍ଭେ ଯାକୁବକୁ ପ୍ରେମ କଲୁ ।
\v 3 ମାତ୍ର ଏଷୌକୁ ଆମ୍ଭେ ଅପ୍ରେମ କଲୁ ଓ ତାହାର ପର୍ବତଗଣକୁ ଧ୍ୱଂସର ସ୍ଥାନ କଲୁ, ଆଉ ତାହାର ଅଧିକାର ପ୍ରାନ୍ତରସ୍ଥ ଶୃଗାଳମାନଙ୍କର ସ୍ଥାନ କଲୁ ।"
\s5
\v 4 ଇଦୋମ କହୁଅଛି, ଆମ୍ଭେମାନେ ନିପାତିତ ହୋଇଅଛୁ ନିଶ୍ଚୟ, ମାତ୍ର ଆମ୍ଭେମାନେ ଫେରି ଉଜାଡ଼ ସ୍ଥାନସବୁ ନିର୍ମାଣ କରିବା ।" ଏଥିପାଇଁ ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, "ସେମାନେ ନିର୍ମାଣ କରିବେ, ମାତ୍ର ଆମ୍ଭେ ଭାଙ୍ଗି ପକାଇବା ଆଉ, ଲୋକମାନେ ସେମାନଙ୍କୁ 'ଦୁଷ୍ଟତାର ଦେଶ' ଓ 'ପରମେଶ୍ୱରଙ୍କର ନିତ୍ୟ କ୍ରୋଧର ପାତ୍ର ସ୍ୱରୂପ ଗୋଷ୍ଠୀ ବୋଲି ନାମ ଦେବେ ।'"
\v 5 ପୁଣି, ତୁମ୍ଭମାନଙ୍କର ସ୍ଵଚକ୍ଷୁ ତାହା ଦେଖିବ ଓ ତୁମ୍ଭେମାନେ କହିବ, "ସଦାପ୍ରଭୁ ଇସ୍ରାଏଲର ସୀମାର ବାହାରେ ମଧ୍ୟ ମହାନ୍ ଅଟନ୍ତି ।"
\s ସଦାପ୍ରଭୁଙ୍କ ଯାଜକମାନଙ୍କୁ ଭର୍ତ୍ସନା
\p
\s5
\v 6 ପୁତ୍ର ଆପଣା ପିତାକୁ ଓ ଦାସ ଆପଣା ମୁନିବକୁ ସମାଦର କରେ; ମାତ୍ର ଆମ୍ଭେ ଯଦି ପିତା ଅଟୁ, ତେବେ ଆମ୍ଭର ସମାଦର କାହିଁ ? ଓ ଆମ୍ଭେ ଯଦି ମୁନିବ ଅଟୁ, ତେବେ ଆମ୍ଭ ପ୍ରତି ଭୟ କାହିଁ ? ହେ ଆମ୍ଭ ନାମର ଅବଜ୍ଞାକାରୀ ଯାଜକଗଣ, ସୈନ୍ୟାଧିପତି ସଦାପ୍ରଭୁ ତୁମ୍ଭମାନଙ୍କୁ ଏହା କହନ୍ତି । ପୁଣି, ତୁମ୍ଭେମାନେ କହୁଅଛ, "ଆମ୍ଭେମାନେ କାହିଁରେ ତୁମ୍ଭ ନାମ ଅବଜ୍ଞା କରିଅଛୁ ।"
\v 7 ଆମ୍ଭ ଯଜ୍ଞବେଦିର ଉପରେ ଅଶୁଚି ରୁଟି ଉତ୍ସର୍ଗ କରି, ତଥାପି ତୁମ୍ଭେମାନେ କହୁଅଛ, ଆମ୍ଭେମାନେ କାହିଁରେ ତୁମ୍ଭକୁ ଅଶୁଚି କରିଅଛୁ ? ସଦାପ୍ରଭୁଙ୍କ ମେଜ ଯେ ତୁଚ୍ଛ, ଏହା କହି, ତାହା କରୁଅଛ ।
\s5
\v 8 "ପୁଣି, ତୁମ୍ଭେମାନେ ଯଜ୍ଞ ନିମନ୍ତେ ଯେତେବେଳେ ଅନ୍ଧ ପଶୁ ଉତ୍ସର୍ଗ କର, ତାହା କ'ଣ ମନ୍ଦ ନୁହେଁ ? ଓ ଯେତେବେଳେ ଲେଙ୍ଗଡ଼ା ଓ ରୋଗୀ ପଶୁ ଉତ୍ସର୍ଗ କର, ସେ କ'ଣ ମନ୍ଦ ନୁହେଁ ? ଏବେ ତୁମ୍ଭର ଦେଶାଧ୍ୟକ୍ଷକୁ ତାହା ଭେଟି ଦିଅ; ସେ କି ତୁମ୍ଭ ପ୍ରତି ପ୍ରସନ୍ନ ହେବେ ? ଅବା ସେ କି ତୁମ୍ଭଙ୍କୁ ଗ୍ରହଣ କରିବେ ?" ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି ।
\v 9 "ଆଉ, ପରମେଶ୍ୱର ଯେପରି ଆମ୍ଭମାନଙ୍କ ପ୍ରତି ଦୟାଳୁ ହେବେ, ଏଥିପାଇଁ ତାହାଙ୍କର ଅନୁଗ୍ରହ ପ୍ରାର୍ଥନା କରୁଅଛ; ମାତ୍ର ତୁମ୍ଭମାନଙ୍କ ଏପରି ଆଚରଣ ଦେଖି ସେ କ'ଣ ତୁମ୍ଭମାନଙ୍କ ମଧ୍ୟରୁ କାହାକୁ ଗ୍ରହଣ କରିବେ ?" ସୈନ୍ୟାଧିପତି ସଦାପ୍ରଭୁ କହନ୍ତି ।
\s5
\v 10 ଆଃ, ତୁମ୍ଭେମାନେ ଯେପରି ବୃଥାରେ ଆମ୍ଭ ଯଜ୍ଞବେଦି ଉପରେ ଅଗ୍ନି ଜ୍ୱଳାଇ ନ ପାରିବ, ଏଥିପାଇଁ କବାଟ ବନ୍ଦ କରିବାକୁ ଯଦି ତୁମ୍ଭମାନଙ୍କ ମଧ୍ୟରେ ଜଣେ ଥାଆନ୍ତା ! ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, "ତୁମ୍ଭମାନଙ୍କଠାରେ ଆମ୍ଭର କିଛି ସନ୍ତୋଷ ନାହିଁ, ଆଉ ତୁମ୍ଭମାନଙ୍କ ହସ୍ତରୁ ଆମ୍ଭେ ନୈବେଦ୍ୟ ଗ୍ରହଣ କରିବା ନାହିଁ ।"
\v 11 କାରଣ ସୂର୍ଯ୍ୟର ଉଦୟଠାରୁ ତହିଁର ଅସ୍ତ ହେବା ପର୍ଯ୍ୟନ୍ତ ଅନ୍ୟ ଦେଶୀୟମାନଙ୍କ ମଧ୍ୟରେ ଆମ୍ଭର ନାମ ମହତ୍ ଅଟେ ଓ ପ୍ରତ୍ୟେକ ସ୍ଥାନରେ ଆମ୍ଭ ନାମ ଉଦ୍ଦେଶ୍ୟରେ ଧୂପ ଓ ପବିତ୍ର ନୈବେଦ୍ୟ ଉତ୍ସର୍ଗ କରାଯାଉଅଛି; କାରଣ ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, "ଅନ୍ୟ ଦେଶୀୟମାନଙ୍କ ମଧ୍ୟରେ ଆମ୍ଭର ନାମ ମହତ୍ ଅଟେ ।"
\v 12 ମାତ୍ର ସଦାପ୍ରଭୁଙ୍କର ମେଜ ଅଶୁଚି ହୋଇଅଛି ଓ ତହିଁର ଫଳ, ଅର୍ଥାତ୍‍, ତାହାଙ୍କର ଖାଦ୍ୟ ତୁଚ୍ଛ, ଏହା କହି ତୁମ୍ଭେମାନେ ସେହି ନାମକୁ ଅଶୁଚି କରୁଅଛ ।
\s5
\v 13 ଆହୁରି, ତୁମ୍ଭେମାନେ କହୁଅଛ, "ଦେଖ, ଏହା କିପରି କ୍ଳାନ୍ତିଜନକ ଓ ତୁମ୍ଭେମାନେ ତାହା ତୁଚ୍ଛ ଜ୍ଞାନ କରିଅଛ," ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି; "ଆଉ, ତୁମ୍ଭେମାନେ ବଳାତ୍କାରରେ ଧୃତ ଓ ଲେଙ୍ଗଡ଼ା ଓ ରୋଗୀ ପଶୁ ଆଣିଅଛ; ଏହିରୂପେ ତୁମ୍ଭେମାନେ ନୈବେଦ୍ୟ ଆଣୁଅଛ; ଏହା କି ଆମ୍ଭେ ତୁମ୍ଭମାନଙ୍କ ହସ୍ତରୁ ଗ୍ରହଣ କରିବା ?" ଏହା ସଦାପ୍ରଭୁ କହନ୍ତି ।
\v 14 ମାତ୍ର ଆପଣା ପଲର ପୁଂପଶୁ ଥିଲେ ହେଁ ଯେଉଁ ପ୍ରତାରକ ମାନତ କରି ପ୍ରଭୁଙ୍କ ଉଦ୍ଦେଶ୍ୟରେ ଖୁନ୍ତବିଶିଷ୍ଟ ପଶୁ ଉତ୍ସର୍ଗ କରେ, ସେ ଅଭିଶପ୍ତ ହେଉ; କାରଣ ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, "ଆମ୍ଭେ ମହାନ୍ ରାଜା ଅଟୁ ଓ ଅନ୍ୟ ଦେଶୀୟମାନଙ୍କ ମଧ୍ୟରେ ଆମ୍ଭର ନାମ ଭୟଙ୍କର ଅଟେ ।"
\s5
\c 2
\p
\v 1 ଏବେ ହେ ଯାଜକଗଣ, ତୁମ୍ଭମାନଙ୍କ ପ୍ରତି ଏହି ଆଜ୍ଞା ।
\v 2 ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, "ଯଦି ତୁମ୍ଭେମାନେ ନ ଶୁଣିବ ଓ ଆମ୍ଭ ନାମକୁ ଗୌରବ ଦେବା ନିମନ୍ତେ ମନୋଯୋଗ ନ କରିବ, ତେବେ ଆମ୍ଭେ ତୁମ୍ଭମାନଙ୍କ ଉପରେ ଅଭିଶାପ ପ୍ରେରଣ କରିବା ଓ ଆମ୍ଭେ ତୁମ୍ଭମାନଙ୍କର ଆଶୀର୍ବାଦସକଳକୁ ଅଭିଶାପ ଦେବା; ହଁ, ସେହିସବୁକୁ ଅଭିଶାପ ଦେଇ ସାରିଅଛୁ, କାରଣ ତୁମ୍ଭେମାନେ ତହିଁରେ ମନୋଯୋଗ କରୁ ନାହଁ ।
\s5
\v 3 ଦେଖ, ଆମ୍ଭେ ତୁମ୍ଭମାନଙ୍କ ସନ୍ତାନଗଣଙ୍କୁ ଧମକାଇବା ଓ ତୁମ୍ଭମାନଙ୍କ ମୁଖରେ ମଳ, ଅର୍ଥାତ୍‍, ତୁମ୍ଭମାନଙ୍କ ବଳିସକଳର ମଳ ପ୍ରସାରିବା; ଆଉ, ତୁମ୍ଭେମାନେ ତହିଁ ସଙ୍ଗେ ନୀତ ହେବ ।
\v 4 ତହିଁରେ ଲେବୀ ସହିତ ଆମ୍ଭର ନିୟମ ଯେପରି ହେବ, ଏଥିପାଇଁ ଆମ୍ଭେ ତୁମ୍ଭମାନଙ୍କ ନିକଟକୁ ଯେ ଏହି ଆଜ୍ଞା ପ୍ରେରଣ କରିଅଛୁ, ଏହା ତୁମ୍ଭେମାନେ ଜାଣିବ," ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି ।
\s5
\v 5 "ତାହା ସଙ୍ଗେ ଆମ୍ଭର ଯେଉଁ ନିୟମ ଥିଲା, ତାହା ଜୀବନ ଓ ଶାନ୍ତିକର ଥିଲା; ଆଉ, ସେ ଯେପରି ଆମ୍ଭକୁ ଭୟ କରିବ, ଏଥିପାଇଁ ଆମ୍ଭେ ତାହାକୁ ତାହା ଦେଲୁ, ପୁଣି ସେ ଆମ୍ଭକୁ ଭୟ କଲା ଓ ଆମ୍ଭ ନାମର ସମ୍ଭ୍ରମ କଲା ।
\v 6 ତାହାର ମୁଖରେ ସତ୍ୟର ବ୍ୟବସ୍ଥା ଥିଲା, ତାହାର ଓଷ୍ଠାଧରରେ ଅନ୍ୟାୟ ଦେଖା ଗଲା ନାହିଁ; ସେ ଶାନ୍ତିରେ ଓ ସରଳତାରେ ଆମ୍ଭ ସଙ୍ଗେ ଗମନାଗମନ କଲା ଓ ଅନେକଙ୍କୁ ଅଧର୍ମରୁ ଫେରାଇଲା ।
\v 7 କାରଣ ଯାଜକର ଓଷ୍ଠାଧର ଜ୍ଞାନ ରକ୍ଷା କରିବାର ଉପଯୁକ୍ତ ଓ ତାହାର ମୁଖରୁ ବ୍ୟବସ୍ଥା ଅନ୍ୱେଷଣ କରିବାର ଲୋକମାନଙ୍କର ଉପଯୁକ୍ତ; କାରଣ ସେ ସୈନ୍ୟାଧିପତି ସଦାପ୍ରଭୁଙ୍କର ବାର୍ତ୍ତାବାହକ ।
\s5
\v 8 ମାତ୍ର ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, "ତୁମ୍ଭେମାନେ ବିପଥଗମନ କରିଅଛ ଓ ଅନେକଙ୍କୁ ବ୍ୟବସ୍ଥା ପଥରେ ଝୁଣ୍ଟାଇ ଅଛ; ତୁମ୍ଭେମାନେ ଲେବୀର ନିୟମ ଭ୍ରଷ୍ଟ କରିଅଛ ।"
\v 9 ତୁମ୍ଭେମାନେ ଆମ୍ଭର ପଥ ରକ୍ଷା କରି ନାହଁ, ମାତ୍ର ବ୍ୟବସ୍ଥା ଶିକ୍ଷାରେ ମୁଖାପେକ୍ଷା କରିଅଛ, ଏଥିପାଇଁ ଆମ୍ଭେ ମଧ୍ୟ ସମୁଦାୟ ଲୋକଙ୍କ ସାକ୍ଷାତରେ ତୁମ୍ଭମାନଙ୍କୁ ତୁଚ୍ଛ ଓ ଅଧମ କରିଅଛୁ ।
\s ଯିହୁଦା ଦ୍ୱାରା ନିୟମର ଅପବିତ୍ରତା
\p
\s5
\v 10 ଆମ୍ଭ ସମସ୍ତଙ୍କର କି ଏକ ପିତା ନାହାନ୍ତି ? ଏକ ପରମେଶ୍ୱର କି ଆମ୍ଭମାନଙ୍କୁ ସୃଷ୍ଟି କରି ନାହାନ୍ତି ? ଆମ୍ଭେମାନେ ଆପଣାମାନଙ୍କ ପିତାଙ୍କର ନିୟମ ଅପବିତ୍ର କରି ପ୍ରତ୍ୟେକ ଲୋକ କାହିଁକି ଆପଣା ଆପଣା ଭ୍ରାତା ପ୍ରତି ବିଶ୍ୱାସଘାତକତା କରୁଅଛୁ ?
\v 11 ଯିହୁଦା ବିଶ୍ୱାସଘାତକତା କରିଅଛି, ଆଉ ଇସ୍ରାଏଲର ମଧ୍ୟରେ ଓ ଯିରୂଶାଲମ ମଧ୍ୟରେ ଘୃଣାଯୋଗ୍ୟକ୍ରିୟା କରାଯାଇଅଛି; କାରଣ ସଦାପ୍ରଭୁଙ୍କର ପ୍ରିୟ ବା ପବିତ୍ର ମନ୍ଦିର, ଯିହୁଦା ତାହା ଅପବିତ୍ର କରିଅଛି ଓ ବିଦେଶୀୟ ଦେବତାର କନ୍ୟାକୁ ବିବାହ କରିଅଛି ।
\v 12 ଯେଉଁ ଜନ ଏହି କର୍ମ କରେ, ସଦାପ୍ରଭୁ ଯାକୁବର ତମ୍ବୁସକଳରୁ ତାହାର ସମ୍ପର୍କୀୟ, ଯେକେହି ହୁଅନ୍ତୁ ଓ ଏପରିକି ଯେକେହି ସୈନ୍ୟାଧିପତି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ କୌଣସି ନୈବେଦ୍ୟ ଉତ୍ସର୍ଗ କରୁ, ତାହାକୁ ମଧ୍ୟ ଉଚ୍ଛିନ୍ନ କରିବେ ।
\s5
\v 13 ତୁମ୍ଭେମାନେ ମଧ୍ୟ ଏହି କର୍ମ କରୁଅଛ; ତୁମ୍ଭେମାନେ ଲୋତକରେ, ରୋଦନରେ ଓ ଆର୍ତ୍ତସ୍ୱରରେ ସଦାପ୍ରଭୁଙ୍କ ଯଜ୍ଞବେଦିକୁ ଏପରି ଆଚ୍ଛନ୍ନ କରୁଅଛ , କାରଣ ସେ ଆଉ ତୁମ୍ଭର ନୈବେଦ୍ୟ ପ୍ରତି ଦୃଷ୍ଟିପାତ କରନ୍ତି ନାହିଁ, କିଅବା ତୁଷ୍ଟ ହୋଇ ତୁମ୍ଭମାନଙ୍କ ହସ୍ତରୁ ତାହା ଗ୍ରହଣ କରନ୍ତି ନାହିଁ ।
\s5
\v 14 ତଥାପି ତୁମ୍ଭେମାନେ କହୁଅଛ, "ଏଥିର କାରଣ କଅଣ ?" ସଦାପ୍ରଭୁ ତୁମ୍ଭର ଓ ତୁମ୍ଭ ଯୌବନ କାଳର ଭାର୍ଯ୍ୟା ମଧ୍ୟରେ ସାକ୍ଷୀ ହୋଇଅଛନ୍ତି, ସେ ତୁମ୍ଭର ସଖୀ ଓ ତୁମ୍ଭ ନିୟମକୃତ ଭାର୍ଯ୍ୟା ହେଲେ ହେଁ ତୁମ୍ଭେ ତାହା ପ୍ରତି ବିଶ୍ୱାସଘାତକତା କରିଅଛ ।
\v 15 ପୁଣି, ତାହାଙ୍କଠାରେ ଆତ୍ମାର ଅବଶିଷ୍ଟାଂଶ ଥିଲେ ହେଁ ସେ କି ଏକ ନ କଲେ ? ଆଉ କାହିଁକି ଏକ କଲେ? ସେ ଈଶ୍ୱରୀୟ ଏକ ବଂଶ ଉତ୍ପନ କରିବା ନିମନ୍ତେ ଚେଷ୍ଟା କଲେ ।ଏଥିପାଇଁ ତୁମ୍ଭେମାନେ ଆପଣା ଆପଣା ଆତ୍ମା ବିଷୟରେ ସାବଧାନ ହୁଅ ଓ କେହି ଆପଣା ଆପଣା ଯୌବନ କାଳର ଭାର୍ଯ୍ୟା ପ୍ରତି ବିଶ୍ୱାସଘାତକତା ନ କରୁ ।
\v 16 "କାରଣ ଆମ୍ଭେ ସ୍ତ୍ରୀ-ତ୍ୟାଗ ଘୃଣା କରୁ," ଏହା ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର କହନ୍ତି ଓ "ଯେ ଆପଣା ବସ୍ତ୍ରକୁ ଦୌରାତ୍ମ୍ୟରେ ଆଚ୍ଛାଦିତ କରେ, ତାହାକୁ ଆମ୍ଭେ ଘୃଣା କରୁ," ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି; ଏହେତୁ ତୁମ୍ଭେମାନେ ଯେପରି ବିଶ୍ୱାସଘାତକତା ନ କର, ଏଥିପାଇଁ ଆପଣା ଆପଣା ଆତ୍ମା ବିଷୟରେ ସାବଧାନ ହୁଅ ।
\s ସଦାପ୍ରଭୁଙ୍କ ଦୂତ
\p
\s5
\v 17 ତୁମ୍ଭେମାନେ ଆପଣାମାନଙ୍କର ବାକ୍ୟ ଦ୍ୱାରା ସଦାପ୍ରଭୁଙ୍କୁ କ୍ଳାନ୍ତ କରିଅଛ । ତଥାପି ତୁମ୍ଭେମାନେ କହୁଅଛ, "ଆମ୍ଭେମାନେ କାହିଁରେ ତାହାଙ୍କୁ କ୍ଳାନ୍ତ କରିଅଛୁ ?" "ପ୍ରତ୍ୟେକ ଲୋକ ଯେ କୁକର୍ମ କରେ, ସେ ସଦାପ୍ରଭୁଙ୍କ ଦୃଷ୍ଟିରେ ଉତ୍ତମ ଓ ସେମାନଙ୍କଠାରେ ସେ ସନ୍ତୁଷ୍ଟ ହୁଅନ୍ତି," "ନୋହିଲେ ବିଚାରକର୍ତ୍ତା ପରମେଶ୍ୱର କାହାନ୍ତି ?" ଏପରି କହି କ୍ଳାନ୍ତ କରୁଅଛ ।
\s5
\c 3
\p
\v 1 "ଦେଖ, ଆମ୍ଭେ ଆପଣା ବାର୍ତ୍ତାବାହକଙ୍କୁ ପ୍ରେରଣ କରୁଅଛୁ ଓ ସେ ଆମ୍ଭ ଆଗରେ ପଥ ପ୍ରସ୍ତୁତ କରିବ; ପୁଣି, ତୁମ୍ଭେମାନେ ଯେଉଁ ପ୍ରଭୁଙ୍କର ଅନ୍ୱେଷଣ କରୁଅଛ, ସେ ଅକସ୍ମାତ୍‍ ଆପଣା ମନ୍ଦିରକୁ ଆସିବେ; ଆଉ, ନିୟମର ଯେଉଁ ବାର୍ତ୍ତାବାହକଠାରେ ତୁମ୍ଭେମାନେ ସନ୍ତୁଷ୍ଟ ଅଟ, ଦେଖ, ସେ ଆସୁଅଛନ୍ତି," ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି ।
\v 2 ମାତ୍ର ତାହାଙ୍କର ଆଗମନ ଦିନ କିଏ ସହି ପାରେ ? ଆଉ, ସେ ଦର୍ଶନ ଦେବା ବେଳେ କିଏ ଠିଆ ହେବ ? କାରଣ ସେ ପରିଷ୍କାରକାରୀର ଅଗ୍ନି ତୁଲ୍ୟ ଓ ଲୁଗା ସଫା କ୍ଷାର ସ୍ୱରୂପ;
\v 3 ପୁଣି, ସେ ରୌପ୍ୟ ପରିଷ୍କାରକ ଓ ଶୁଚିକାରକର ତୁଲ୍ୟ ବସିବେ ଓ ସେ ଲେବୀର ସନ୍ତାନଗଣଙ୍କୁ ପରିଷ୍କାର କରିବେ ପୁଣି ସୁନା ଓ ରୂପା ପରି ସେମାନଙ୍କୁ ବିଶୁଦ୍ଧ କରିବେ; ତହିଁରେ ସେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଧାର୍ମିକତାର ନୈବେଦ୍ୟ ଉତ୍ସର୍ଗ କରିବେ ।
\s5
\v 4 ସେତେବେଳେ, ପୁରାତନ କାଳର ଦିନରେ ଓ ପ୍ରାଚୀନ କାଳର ବର୍ଷରେ ଯେପରି ହେଉଥିଲା, ସେପରି ଯିହୁଦାର ଓ ଯିରୂଶାଲମର ନୈବେଦ୍ୟ ସଦାପ୍ରଭୁଙ୍କର ସନ୍ତୋଷଜନକ ହେବ ।
\v 5 "ପୁଣି, ଆମ୍ଭେ ବିଚାର କରିବା ପାଇଁ ତୁମ୍ଭମାନଙ୍କ ନିକଟକୁ ଆସିବା ଆଉ, ତାନ୍ତ୍ରିକ ଓ ବ୍ୟଭିଚାରୀ ଓ ମିଥ୍ୟା ଶପଥକାରୀମାନଙ୍କ ବିରୁଦ୍ଧରେ ଓ ଯେଉଁମାନେ ବେତନଜୀବୀର ବେତନ ବିଷୟରେ, ବିଧବା ଓ ପିତୃହୀନ ପ୍ରତି ଅତ୍ୟାଚାର କରନ୍ତି, ଆଉ ବିଦେଶୀର ପ୍ରତି ଅନ୍ୟାୟ କରନ୍ତି ଓ ଆମ୍ଭଙ୍କୁ ଭୟ ନ କରନ୍ତି, ସେମାନଙ୍କ ବିରୁଦ୍ଧରେ ଆମ୍ଭେ ଶୀଘ୍ର ସାକ୍ଷୀ ହେବା," ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି ।
\s ପରମେଶ୍ୱରଙ୍କ ଦ୍ରବ୍ୟ ଚୋରି
\p
\s5
\v 6 "କାରଣ ଆମ୍ଭେ ସଦାପ୍ରଭୁ, ଆମ୍ଭର ପରିବର୍ତ୍ତନ ନାହିଁ; ଏହେତୁ ହେ ଯାକୁବଙ୍କ ସନ୍ତାନଗଣ, ତୁମ୍ଭମାନଙ୍କର ବିନାଶ ହୋଇ ନାହିଁ ।
\v 7 ତୁମ୍ଭମାନଙ୍କର ପିତୃପୁରୁଷଗଣର ସମୟଠାରୁ ତୁମ୍ଭେମାନେ ଆମ୍ଭର ବିଧିସବୁ ଲଙ୍ଘନ କରିଅଛ ଓ ସେହିସବୁ ପାଳନ କରି ନାହଁ । ଆମ୍ଭ ନିକଟକୁ ଫେରି ଆସ, ତହିଁରେ ଆମ୍ଭେ ତୁମ୍ଭମାନଙ୍କ ନିକଟକୁ ଫେରି ଆସିବା," ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି । ମାତ୍ର ତୁମ୍ଭେମାନେ କହୁଅଛ, "ଆମ୍ଭେମାନେ କିପରି ଫେରିବା ?"
\s5
\v 8 ମନୁଷ୍ୟ କି ପରମେଶ୍ୱରଙ୍କ ଦ୍ରବ୍ୟ ଚୋରି କରିବ ? ତଥାପି ତୁମ୍ଭେମାନେ ଆମ୍ଭର ଦ୍ରବ୍ୟ ଚୋରି କରୁଅଛ । ମାତ୍ର ତୁମ୍ଭେମାନେ କହୁଅଛ, "ଆମ୍ଭେମାନେ କିପରି ତୁମ୍ଭର ଦ୍ରବ୍ୟ ଦଶମାଂଶରେ ଓ ନୈବେଦ୍ୟରେ ଚୋରି କରିଅଛୁ ?"
\v 9 ତୁମ୍ଭେମାନେ ଅଭିଶାପରେ ଅଭିଶପ୍ତ ହୋଇଅଛ; କାରଣ ତୁମ୍ଭେମାନେ, ହଁ, ଏହିସବୁ ଗୋଷ୍ଠୀ ଆମ୍ଭର ଦ୍ରବ୍ୟ ଚୋରି କରିଅଛି ।
\s5
\v 10 "ଆମ୍ଭର ଗୃହରେ ଯେପରି ଖାଦ୍ୟ ରହିବ, ଏଥିପାଇଁ ତୁମ୍ଭେମାନେ ଆମ୍ଭର ଭଣ୍ଡାରକୁ ସମ୍ପୂର୍ଣ୍ଣ ଦଶମାଂଶ ଆଣ, ଆଉ ଆମ୍ଭେ ଆକାଶସ୍ଥ ଦ୍ୱାରସବୁ ମୁକ୍ତ କରି, ରଖିବା ପାଇଁ ସ୍ଥାନ ନିଅଣ୍ଟ ହେବା ପର୍ଯ୍ୟନ୍ତ ତୁମ୍ଭମାନଙ୍କ ଉପରେ ଆଶୀର୍ବାଦରୂପ ବୃଷ୍ଟି ବର୍ଷାଇବା କି ନାହିଁ, ଏହି ବିଷୟରେ ଏବେ ଆମ୍ଭର ପରୀକ୍ଷା ନିଅ,
\v 11 ପୁଣି, ଆମ୍ଭେ ତୁମ୍ଭମାନଙ୍କ ସକାଶୁ ଗ୍ରାସକାରୀକୁ ଧମକାଇବା, ତହିଁରେ ସେ ତୁମ୍ଭମାନଙ୍କ ଭୂମିର ଫଳ ନଷ୍ଟ କରିବ ନାହିଁ; କିଅବା କ୍ଷେତ୍ରରେ ତୁମ୍ଭମାନଙ୍କର ଦ୍ରାକ୍ଷାଲତାର ଫଳ ଅକାଳରେ ଝଡ଼ିବ ନାହିଁ," ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି ।
\v 12 "ସମସ୍ତ ଗୋଷ୍ଠୀ ତୁମ୍ଭମାନଙ୍କୁ ସୁଖୀ କହିବେ କାରଣ ତୁମ୍ଭେମାନେ ଏକ ମନୋହର ଦେଶ ହେବ," ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି ।
\s5
\v 13 ସଦାପ୍ରଭୁ କହନ୍ତି, "ଆମ୍ଭ ବିରୁଦ୍ଧରେ ତୁମ୍ଭମାନଙ୍କର କଥାସବୁ କଠିନ ହୋଇଅଛି" ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି । ତଥାପି ତୁମ୍ଭେମାନେ କହୁଅଛ, "ଆମ୍ଭେମାନେ କାହିଁରେ ତୁମ୍ଭ ବିରୁଦ୍ଧରେ କଥା କହିଅଛୁ ?"
\v 14 ତୁମ୍ଭେମାନେ କହିଅଛ, ପରମେଶ୍ୱରଙ୍କର ସେବା କରିବାରେ କି ଲାଭ ? ଆଉ, ଆମ୍ଭେମାନେ ଯେ ତାହାଙ୍କର ଅାଜ୍ଞା ରକ୍ଷା କରିଅଛୁ, ସୈନ୍ୟାଧିପତି ସଦାପ୍ରଭୁଙ୍କ ଛାମୁରେ ଅନୁତପ୍ତ ହୋଇ ଗମନାଗମନ କରିଅଛୁ, ଏଥିରେ ଆମ୍ଭମାନଙ୍କର କି ଲାଭ ?
\v 15 ପୁଣି, ଏବେ ଆମ୍ଭେମାନେ ଅହଙ୍କାରୀକୁ ସୁଖୀ କହୁ; ହଁ, ଦୁଷ୍ଟାଚାରୀମାନେ ବର୍ଦ୍ଧିଷ୍ଣୁ ହୁଅନ୍ତି; ହଁ, ଯେଉଁମାନେ ପରମେଶ୍ୱରଙ୍କର ପରୀକ୍ଷା କରନ୍ତି, ସେମାନେ ରକ୍ଷା ପାଆନ୍ତି ।
\s ସ୍ମରଣାର୍ଥ ପୁସ୍ତକ
\p
\s5
\v 16 ସେହି ସମୟରେ ଯେଉଁମାନେ ସଦାପ୍ରଭୁଙ୍କୁ ଭୟ କଲେ, ସେମାନେ ଏକ ଆରେକର ସଙ୍ଗେ କଥାବାର୍ତ୍ତା କଲେ; ଆଉ, ସଦାପ୍ରଭୁ ମନୋଯୋଗ କରି ତାହା ଶୁଣିଲେ ଓ ଯେଉଁମାନେ ସଦାପ୍ରଭୁଙ୍କୁ ଭୟ କଲେ ଓ ତାହାଙ୍କ ନାମ ଧ୍ୟାନ କଲେ, ସେମାନଙ୍କ ନିମନ୍ତେ ଏକ ସ୍ମରଣାର୍ଥ ପୁସ୍ତକ ତାହାଙ୍କ ଛାମୁରେ ଲେଖାଗଲା ।
\s5
\v 17 ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, "ଯେଉଁ ଦିନ ଆମ୍ଭେ କାର୍ଯ୍ୟ କରିବା, ସେହି ଦିନ ସେମାନେ ଆମ୍ଭର ଲୋକ, ଅର୍ଥାତ୍‍, ଆମ୍ଭର ସଞ୍ଚିତ ଧନ ହେବେ; ପୁଣି, କୌଣସି ମନୁଷ୍ୟ ଯେପରି ଆପଣାର ସେବାକାରୀ ନିଜ ପୁତ୍ର ପ୍ରତି ଦୟା କରେ, ସେହିପରି ଆମ୍ଭେ ସେମାନଙ୍କ ପ୍ରତି ଦୟା କରିବା ।"
\v 18 ସେତେବେଳେ ତୁମ୍ଭେମାନେ, ଧାର୍ମିକ ଓ ଦୁଷ୍ଟ, ଯେ ପରମେଶ୍ୱରଙ୍କ ସେବା କରେ ଓ ଯେ ତାହାଙ୍କର ସେବା ନ କରେ, ସେମାନଙ୍କ ମଧ୍ୟରେ ପ୍ରଭେଦ ଦେଖିବ ।
\s5
\c 4
\s ସଦାପ୍ରଭୁଙ୍କର ଭୟଙ୍କର ଦିନ
\p
\v 1 "କାରଣ ଦେଖ, ସେହିଦିନ ଆସୁଅଛି, ତାହା ଅଗ୍ନିକୁଣ୍ଡ ପରି ଜଳୁଅଛି; ପୁଣି, ଅହଙ୍କାରୀ ଓ ଦୁଷ୍ଟାଚାରୀ ସମସ୍ତେ ନଡ଼ା ପରି ହେବେ; ଆଉ, ସେମାନଙ୍କର ମୂଳ କି ଡାଳ ଯେପରି ଅବଶିଷ୍ଟ ନ ରହିବ, ଏଥିପାଇଁ ଯେଉଁ ଦିନ ଆସୁଅଛି, ତାହା ସେମାନଙ୍କୁ ଦଗ୍ଧ କରିବ," ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି ।
\v 2 ମାତ୍ର ଆମ୍ଭ ନାମକୁ ଭୟ କରୁଅଛ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କ ପ୍ରତି ଧର୍ମରୂପ ସୂର୍ଯ୍ୟ ଆରୋଗ୍ୟଦାୟକ କିରଣ ସଂଯୁକ୍ତ ହୋଇ ଉଦିତ ହେବ; ଆଉ, ତୁମ୍ଭେମାନେ ବାହାର ହୋଇ ହୃଷ୍ଟପୁଷ୍ଟ ଗୋବତ୍ସ ତୁଲ୍ୟ କୁଦା ମାରିବ ।
\v 3 "ପୁଣି, ତୁମ୍ଭେମାନେ ଦୁଷ୍ଟମାନଙ୍କୁ ପଦ ତଳେ ଦଳି ପକାଇବ; କାରଣ ଯେଉଁ ଦିନ ଆମ୍ଭେ କାର୍ଯ୍ୟ କରିବା, ସେହି ଦିନ ସେମାନେ ତୁମ୍ଭମାନଙ୍କର ତଳିପାର ଅଧଃସ୍ଥିତ ଭସ୍ମ ହେବେ," ସୈନ୍ୟାଧିପତି ସଦାପ୍ରଭୁ ଏହା କହନ୍ତି ।
\s5
\v 4 "ଆମ୍ଭେ ହୋରେବରେ ସମଗ୍ର ଇସ୍ରାଏଲ ନିମନ୍ତେ ଯେଉଁ ବିଧି ଓ ଶାସନସକଳ ଆଦେଶ କଲୁ, ଆମ୍ଭ ଦାସ ମୋଶାଙ୍କର ସେହି ବ୍ୟବସ୍ଥା ତୁମ୍ଭେମାନେ ସ୍ମରଣ କର ।
\v 5 ଦେଖ, ସଦାପ୍ରଭୁଙ୍କର ମହତ୍ ଓ ଭୟଙ୍କର ଦିନର ଆଗମନ ପୂର୍ବେ ଆମ୍ଭେ ତୁମ୍ଭମାନଙ୍କ ନିକଟକୁ ଏଲୀୟ ଭବିଷ୍ୟଦ୍‍ବକ୍ତାଙ୍କୁ ପ୍ରେରଣ କରିବା ।
\v 6 ପୁଣି, ଆମ୍ଭେ ଆସି ଯେପରି ପୃଥିବୀକୁ ଅଭିଶାପରେ ଆଘାତ ନ କରୁ, ଏଥିପାଇଁ ସେହି ସନ୍ତାନଗଣ ପ୍ରତି ପିତୃଗଣର ହୃଦୟ ଓ ପିତୃଗଣ ପ୍ରତି ସନ୍ତାନଗଣର ହୃଦୟ ଫେରାଇବ ।

View File

@ -1,5 +1,7 @@
# or_ULB
Oriya / Odiya ULB revision. Conversion of OT books from https://git.door43.org/BCS-BIBLE/ODIYA-ULB-OT.BCS/src/master/STAGE 3 files to resource container format
Oriya / Odiya ULB
OT books from https://git.door43.org/BCS-BIBLE/ODIYA-ULB-OT.BCS/src/master/STAGE 3
NT files are converted from https://git.door43.org/BCS-BIBLE/Odiya-ULB-NT.BCS/src/master/Revised%20stage%203

View File

@ -1,6 +1,4 @@
---
dublin_core:
dublin_core:
conformsto: 'rc0.2'
contributor:
- 'Antoney Raj'
@ -14,6 +12,7 @@ dublin_core:
- 'Merlyn Easa'
- 'Napil Pradhan'
- 'Pastor Charles Lakra'
- 'Rinu John'
- 'Shojo John'
- 'Sumata Nayak'
- 'Ullash Kumar Pani'
@ -23,12 +22,12 @@ dublin_core:
description: 'An unrestricted literal Bible'
format: 'text/usfm'
identifier: 'ulb'
issued: '2017-08-17'
issued: '2018-02-07'
language:
direction: 'ltr'
identifier: 'or'
title: ଓଡ଼ିଆ
modified: '2017-08-17'
modified: '2018-02-07'
publisher: 'unfoldingWord'
relation: []
rights: 'CC BY-SA 4.0'
@ -40,10 +39,11 @@ dublin_core:
subject: 'Bible'
title: 'Oriya Unlocked Literal Bible'
type: 'bundle'
version: '3'
version: '4'
checking:
checking_entity:
- 'Cdr. Thomas Mathew'
- 'Dr. Charles Lakra'
checking_level: '3'
@ -62,6 +62,20 @@ projects:
sort: 02
path: './02-EXO.usfm'
categories: [ 'bible-ot' ]
-
title: '- ଲେବୀୟ ପୁସ୍ତକ '
versification: ufw
identifier: lev
sort: 03
path: ./03-LEV.usfm
categories: [ 'bible-ot' ]
-
title: 'ଗଣନା ପୁସ୍ତକ '
versification: ufw
identifier: num
sort: 04
path: ./04-NUM.usfm
categories: [ 'bible-ot' ]
-
title: 'ଦ୍ୱିତୀୟ ବିବରଣ'
versification: 'ufw'
@ -153,6 +167,48 @@ projects:
sort: 17
path: './17-EST.usfm'
categories: [ 'bible-ot' ]
-
title: 'ଆୟୁବ ପୁସ୍ତକ '
versification: ufw
identifier: job
sort: 18
path: ./18-JOB.usfm
categories: [ 'bible-ot' ]
-
title: 'ହିତୋପଦେଶ '
versification: ufw
identifier: pro
sort: 20
path: ./20-PRO.usfm
categories: [ 'bible-ot' ]
-
title: '- ଉପଦେଶକଙ୍କ ପୁସ୍ତକ '
versification: ufw
identifier: ecc
sort: 21
path: ./21-ECC.usfm
categories: [ 'bible-ot' ]
-
title: 'ପରମ ଗୀତ '
versification: ufw
identifier: sng
sort: 22
path: ./22-SNG.usfm
categories: [ 'bible-ot' ]
-
title: 'ଯିଶାଇୟ '
versification: ufw
identifier: isa
sort: 23
path: ./23-ISA.usfm
categories: [ 'bible-ot' ]
-
title: '- ଯିରିମିୟ ଭବିଷ୍ୟଦ୍‍ବକ୍ତାଙ୍କ ପୁସ୍ତକ '
versification: ufw
identifier: jer
sort: 24
path: ./24-JER.usfm
categories: [ 'bible-ot' ]
-
title: 'ଯିରିମୀୟଙ୍କ ବିଳାପ'
versification: 'ufw'
@ -160,6 +216,48 @@ projects:
sort: 25
path: './25-LAM.usfm'
categories: [ 'bible-ot' ]
-
title: 'ଯିହିଜିକଲ '
versification: ufw
identifier: ezk
sort: 26
path: ./26-EZK.usfm
categories: [ 'bible-ot' ]
-
title: 'ଦାନିୟେଲଙ୍କ ପୁସ୍ତକ '
versification: ufw
identifier: dan
sort: 27
path: ./27-DAN.usfm
categories: [ 'bible-ot' ]
-
title: '- ହୋଶେୟ ଭବିଷ୍ୟଦ୍‍ବକ୍ତାଙ୍କ ପୁସ୍ତକ '
versification: ufw
identifier: hos
sort: 28
path: ./28-HOS.usfm
categories: [ 'bible-ot' ]
-
title: '- ଯୋୟେଲ ଭବିଷ୍ୟଦ୍‍ବକ୍ତାଙ୍କ ପୁସ୍ତକ '
versification: ufw
identifier: jol
sort: 29
path: ./29-JOL.usfm
categories: [ 'bible-ot' ]
-
title: '- ଆମୋଷ ଭବିଷ୍ୟଦ୍‍ବକ୍ତାଙ୍କ ପୁସ୍ତକ '
versification: ufw
identifier: amo
sort: 30
path: ./30-AMO.usfm
categories: [ 'bible-ot' ]
-
title: '- ଓବଦୀୟ ଭବିଷ୍ୟଦ୍‍ବକ୍ତାଙ୍କ ପୁସ୍ତକ '
versification: ufw
identifier: oba
sort: 31
path: ./31-OBA.usfm
categories: [ 'bible-ot' ]
-
title: 'ଯୂନସ ଭବିଷ୍ୟଦ୍ବକ୍ତାଙ୍କ ପୁସ୍ତକ'
versification: 'ufw'
@ -167,6 +265,55 @@ projects:
sort: 32
path: './32-JON.usfm'
categories: [ 'bible-ot' ]
-
title: 'ମୀଖା ଭବିଷ୍ୟଦ୍‍ବକ୍ତାଙ୍କ ପୁସ୍ତକ '
versification: ufw
identifier: mic
sort: 33
path: ./33-MIC.usfm
categories: [ 'bible-ot' ]
-
title: 'ନାହୂମ ଭବିଷ୍ୟଦ୍‍ବକ୍ତାଙ୍କ ପୁସ୍ତକ '
versification: ufw
identifier: nam
sort: 34
path: ./34-NAM.usfm
categories: [ 'bible-ot' ]
-
title: 'ହବକ୍‍କୂକ ଭବିଷ୍ୟଦ୍‍ବକ୍ତାଙ୍କ ପୁସ୍ତକ '
versification: ufw
identifier: hab
sort: 35
path: ./35-HAB.usfm
categories: [ 'bible-ot' ]
-
title: '- ସିଫନୀୟ ଭବିଷ୍ୟଦ୍‍ବକ୍ତାଙ୍କ ପୁସ୍ତକ '
versification: ufw
identifier: zep
sort: 36
path: ./36-ZEP.usfm
categories: [ 'bible-ot' ]
-
title: '- ହାଗୟ ଭବିଷ୍ୟଦ୍‍ବକ୍ତାଙ୍କ ପୁସ୍ତକ '
versification: ufw
identifier: hag
sort: 37
path: ./37-HAG.usfm
categories: [ 'bible-ot' ]
-
title: 'ଯିଖରୀୟ ଭବିଷ୍ୟବକ୍ତାଙ୍କ ପୁସ୍ତକ '
versification: ufw
identifier: zec
sort: 38
path: ./38-ZEC.usfm
categories: [ 'bible-ot' ]
-
title: 'ମଲାଖି ଭବିଷ୍ୟବକ୍ତାଙ୍କ ପୁସ୍ତକ '
versification: ufw
identifier: mal
sort: 39
path: ./39-MAL.usfm
categories: [ 'bible-ot' ]
-
title: 'ମାଥିଉ ଲିଖିତ ସୁସମାଚାର '
versification: 'ufw'