or_ulb/02-EXO.usfm

2080 lines
422 KiB
Plaintext
Raw Permalink Blame History

This file contains ambiguous Unicode characters

This file contains Unicode characters that might be confused with other characters. If you think that this is intentional, you can safely ignore this warning. Use the Escape button to reveal them.

\id EXO - Odia Old Version Revision
\ide UTF-8
\rem Copyright Information: Creative Commons Attribution- ShareAlike 4.0 License
\h ଯାତ୍ରା ପୁସ୍ତକ
\toc1 ଯାତ୍ରା ପୁସ୍ତକ
\toc2 ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ
\toc3 exo
\mt1 ଯାତ୍ରା ପୁସ୍ତକ
\mt2 ଅର୍ଥାତ୍‍
\mt2 ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ
\s5
\c 1
\s ମିସରରେ ଇସ୍ରାଏଲୀୟମାନଙ୍କୁ ନିର୍ଯ୍ୟାତନା
\p
\v 1 ଇସ୍ରାଏଲଙ୍କର ଯେଉଁ ପୁତ୍ରଗଣ ପ୍ରତ୍ୟେକେ ଆପଣା ଆପଣା ପରିଜନ ଘେନି ଯାକୁବଙ୍କ ସହିତ ମିସର ଦେଶକୁ ଆସିଲେ, ସେମାନଙ୍କ ନାମ;
\v 2 ରୁବେନ୍, ଶିମୀୟୋନ, ଲେବୀ ଓ ଯିହୁଦା;
\v 3 ଇଷାଖର, ସବୂଲୂନ ଓ ବିନ୍ୟାମୀନ୍;
\v 4 ଦାନ୍ ଓ ନପ୍ତାଲି; ଗାଦ୍‍ ଓ ଆଶେର।
\v 5 ସର୍ବସୁଦ୍ଧା ଯାକୁବଙ୍କଠାରୁ ଉତ୍ପନ୍ନ ବଂଶ ସତୁରି ପ୍ରାଣୀ ଥିଲେ; ମାତ୍ର ଯୋଷେଫ ପୂର୍ବେ ମିସରରେ ଥିଲେ।
\s5
\v 6 ଏଥିଉତ୍ତାରେ ଯୋଷେଫ, ତାଙ୍କର ଭ୍ରାତୃଗଣ ଓ ତତ୍କାଳୀନ ସମସ୍ତ ଲୋକ ମଲେ।
\v 7 ତଥାପି ଇସ୍ରାଏଲ ବଂଶ ବହୁପ୍ରଜ, ବର୍ଦ୍ଧିଷ୍ଣୁ ଓ ବହୁଗୋଷ୍ଠୀକ ହୋଇ ଅତିଶୟ ପ୍ରବଳ ହେଲେ, ପୁଣି, ସେମାନଙ୍କ ଦ୍ୱାରା ଦେଶ ପରିପୂର୍ଣ୍ଣ ହେଲା।
\s5
\v 8 ଏଥିଉତ୍ତାରେ ଯେ ଯୋଷେଫଙ୍କୁ ଜାଣି ନ ଥିଲେ, ଏପରି ଏକ ନୂତନ ରାଜା ମିସର ଦେଶରେ ହେଲେ।
\v 9 ସେ ଆପଣା ଲୋକମାନଙ୍କୁ କହିଲେ, “ଦେଖ, ଇସ୍ରାଏଲ ସନ୍ତାନମାନଙ୍କ ବଂଶ, ବଳରେ ଓ ସଂଖ୍ୟାରେ ଆମ୍ଭମାନଙ୍କଠାରୁ ଅଧିକ ଅଟନ୍ତି।
\v 10 ସେମାନେ ଯେପରି ବର୍ଦ୍ଧିତ ନ ହୁଅନ୍ତି, ପୁଣି, ଯୁଦ୍ଧ ଘଟିଲେ, ଆମ୍ଭମାନଙ୍କର ଶତ୍ରୁପକ୍ଷ ହୋଇ ଆମ୍ଭମାନଙ୍କ ସଙ୍ଗେ ଯୁଦ୍ଧ ନ କରନ୍ତି ଓ ଏ ଦେଶରୁ ପ୍ରସ୍ଥାନ ନ କରନ୍ତି, ଏଥିପାଇଁ ଆସ, ଆମ୍ଭେମାନେ ସେମାନଙ୍କ ସଙ୍ଗେ ସାବଧାନ ହୋଇ ବ୍ୟବହାର କରୁ।”
\s5
\v 11 ଏଥିଉତ୍ତାରେ ସେମାନେ ଭାରବହନ ଦ୍ୱାରା ସେମାନଙ୍କୁ କ୍ଳେଶ ଦେବା ପାଇଁ ସେମାନଙ୍କ ଉପରେ କାର୍ଯ୍ୟଶାସକମାନଙ୍କୁ ନିଯୁକ୍ତ କଲେ, ପୁଣି, ସେମାନଙ୍କ ଦ୍ୱାରା ଫାରୋଙ୍କ ନିମନ୍ତେ ଭଣ୍ଡାରର ନଗର, ଅର୍ଥାତ୍‍, ପିଥୋମ୍‍ ଓ ରାମିଷେଷ୍‍ ନିର୍ମାଣ କରାଇଲେ।
\v 12 ମାତ୍ର ସେମାନେ ସେମାନଙ୍କୁ ଯେତେ ଅଧିକ କ୍ଳେଶ ଦେଲେ, ସେମାନେ ସେତେ ଅଧିକ ବୃଦ୍ଧି ପାଇଲେ, ପୁଣି, ସେତେ ଅଧିକ ବ୍ୟାପି ଗଲେ। ଏହେତୁ ଇସ୍ରାଏଲର ସନ୍ତାନମାନଙ୍କ ନିମନ୍ତେ ସେମାନେ ଅତିଶୟ ଉଦ୍‍ବିଗ୍ନ ହେଲେ।
\s5
\v 13 ତହିଁରେ ମିସ୍ରୀୟ ଲୋକମାନେ ନିର୍ଦ୍ଦୟ ଭାବରେ ଇସ୍ରାଏଲ ସନ୍ତାନମାନଙ୍କୁ ଦାସ୍ୟକର୍ମ କରାଇଲେ।
\v 14 ପୁଣି, କାଦୁଅ, ଇଟା ଓ ବିଲର ସବୁ କର୍ମାଦି କଠିନ ଦାସ୍ୟକର୍ମ ଦ୍ୱାରା ସେମାନଙ୍କ ପ୍ରାଣକୁ ବିରକ୍ତ କରିବାକୁ ଲାଗିଲେ। ସେମାନେ ଯେଉଁ ସମସ୍ତ ଦାସ୍ୟକର୍ମ କରାଇଲେ; ସେହି ସମସ୍ତ ନିର୍ଦ୍ଦୟ ଭାବରେ କରାଇଲେ।
\s5
\v 15 ଏଥିଉତ୍ତାରେ ମିସ୍ରୀୟ ରାଜା, ଶିଫ୍ରା ଓ ପୂୟା ନାମ୍ନୀ ଦୁଇ ଏବ୍ରୀୟା ଧାତ୍ରୀଙ୍କୁ ଏହି କଥା କହିଲେ,
\v 16 “ଯେଉଁ ସମୟରେ ତୁମ୍ଭେମାନେ ଏବ୍ରୀୟା ସ୍ତ୍ରୀମାନଙ୍କର ଧାତ୍ରୀକାର୍ଯ୍ୟ କରିବ ଓ ସେମାନଙ୍କୁ ଜନ୍ମାସନରେ ଦେଖିବ; ସେ ସମୟରେ ଯଦି ପୁତ୍ରସନ୍ତାନ ହେବ, ତେବେ ତାକୁ ବଧ କରିବ; ଆଉ ଯଦି କନ୍ୟା ହେବ, ତେବେ ତାକୁ ଜୀବିତ ରଖିବ।”
\v 17 ମାତ୍ର ସେହି ଧାତ୍ରୀମାନେ ପରମେଶ୍ୱରଙ୍କୁ ଭୟ କରିବାରୁ ମିସ୍ରୀୟ ରାଜାଙ୍କର ଆଜ୍ଞା ଅନୁସାରେ ନ କରି ପୁତ୍ରସନ୍ତାନମାନଙ୍କୁ ଜୀବିତ ରଖିଲେ।
\s5
\v 18 ତେଣୁ ମିସରର ରାଜା ଧାତ୍ରୀମାନଙ୍କୁ ଡକାଇ କହିଲେ, “ତୁମ୍ଭେମାନେ ଏପରି କାର୍ଯ୍ୟ କାହିଁକି କରୁଅଛ ? ପୁତ୍ରସନ୍ତାନମାନଙ୍କୁ କାହିଁକି ଜୀବିତ ରଖୁଅଛ ?”
\v 19 ତହିଁରେ ଧାତ୍ରୀମାନେ ଫାରୋଙ୍କୁ କହିଲେ, “ଏବ୍ରୀୟା ସ୍ତ୍ରୀଗଣ ମିସ୍ରୀୟା ସ୍ତ୍ରୀଗଣ ପରି ନୁହଁନ୍ତି; ସେମାନେ ବଳବତୀ, ସେମାନଙ୍କ ନିକଟକୁ ଧାତ୍ରୀ ଆସିବା ପୂର୍ବରୁ ସେମାନେ ପ୍ରସବ କରନ୍ତି।”
\s5
\v 20 ପୁଣି, ପରମେଶ୍ୱର ସେହି ଧାତ୍ରୀମାନଙ୍କର ମଙ୍ଗଳ କଲେ, ତହିଁରେ ଲୋକମାନେ ଅତ୍ୟନ୍ତ ବୃଦ୍ଧି ପାଇ ଅତିଶୟ ବଳବାନ ହେଲେ।
\v 21 ସେହି ଧାତ୍ରୀମାନେ ପରମେଶ୍ୱରଙ୍କୁ ଭୟ କରିବାରୁ ସେ ସେମାନଙ୍କ ବଂଶ ବୃଦ୍ଧି କଲେ।
\v 22 ଏଥିଉତ୍ତାରେ ଫାରୋ ଆପଣା ସମସ୍ତ ପ୍ରଜାଙ୍କୁ ଏହି ଆଜ୍ଞା ଦେଲେ, “ତୁମ୍ଭେମାନେ ନବଜାତ ପ୍ରତ୍ୟେକ ପୁତ୍ରସନ୍ତାନକୁ ନୀଳ ନଦୀରେ ନିକ୍ଷେପ କର, ମାତ୍ର ପ୍ରତ୍ୟେକ କନ୍ୟାକୁ ଜୀବିତ ରଖ।”
\s5
\c 2
\s ମୋଶାଙ୍କ ଜନ୍ମ
\p
\v 1 ଏଥିଉତ୍ତାରେ ଲେବୀ ବଂଶଜାତ ଜଣେ ମନୁଷ୍ୟ ଯାଇ ଲେବୀ ବଂଶରୁ ଜାତ ଏକ କନ୍ୟାକୁ ବିବାହ କଲା।
\v 2 ତହୁଁ ସେ ସ୍ତ୍ରୀ ଗର୍ଭଧାରଣ କରି ଗୋଟିଏ ପୁତ୍ର ପ୍ରସବ କଲେ; ପୁଣି, ବାଳକକୁ ଅତି ସୁନ୍ଦର ଦେଖି ସେ ତାକୁ ତିନ ମାସ ଯାଏ ଗୋପନରେ ରଖିଲେ।
\s5
\v 3 ତହିଁ ଉତ୍ତାରେ ଆଉ ଗୋପନ କରି ନ ପାରି ସେ ଗୋଟିଏ ନଳନିର୍ମିତ ପେଡ଼ି ଘେନି ମାଟିଆ ତେଲ ଓ ଝୁଣା ଲେପନ କରି ତହିଁ ମଧ୍ୟରେ ସେହି ବାଳକକୁ ଥୋଇ ନୀଳ ନଦୀ ତୀରସ୍ଥ ନଳବନରେ ରଖିଲେ।
\v 4 ପୁଣି, ତାହାର କି ଦଶା ହେବ, ତାହା ଦେଖିବା ନିମନ୍ତେ ତାହାର ଭଗିନୀ ଦୂରରେ ଠିଆ ହୋଇ ରହିଲା।
\s5
\v 5 ଏଥିଉତ୍ତାରେ ଫାରୋଙ୍କ କନ୍ୟା ସ୍ନାନ ନିମନ୍ତେ ନଦୀକୁ ଆସନ୍ତେ, ତାହାର ସହଚରୀଗଣ ନଦୀ ତୀରରେ ଭ୍ରମଣ କରୁଥିଲେ। ଏଥିମଧ୍ୟରେ ସେ ନଳବନରେ ଗୋଟିଏ ପେଡ଼ି ଦେଖି ତାହା ଆଣିବାକୁ ଆପଣା ଦାସୀକୁ ପଠାଇଲେ।
\v 6 ସେ ପେଡ଼ି ଫିଟାଇ ସେହି ବାଳକକୁ ଦେଖିଲା; ଆଉ ଦେଖ, ସେହି ବାଳକଟି କାନ୍ଦୁଅଛି; ତହିଁରେ ସେ ଦୟା ବହି କହିଲା, “ଏଇଟି ଜଣେ ଏବ୍ରୀୟ ବାଳକ।”
\s5
\v 7 ସେତେବେଳେ ତାହାର ଭଗିନୀ ଫାରୋଙ୍କର କନ୍ୟାକୁ କହିଲା, “ମୁଁ ଯାଇ ଆପଣଙ୍କ ନିମନ୍ତେ ଏହି ବାଳକକୁ ସ୍ତନ୍ୟପାନ କରାଇବା ପାଇଁ କି ଏବ୍ରୀୟା ସ୍ତ୍ରୀଗଣ ମଧ୍ୟରୁ ଜଣେ ଧାତ୍ରୀକୁ ଡାକି ଆଣିବି ?”
\v 8 ତହିଁରେ ଫାରୋଙ୍କର କନ୍ୟା କହିଲା, “ଯାଅ,” ତହୁଁ ସେ ବାଳିକା ଯାଇ ସେହି ବାଳକର ମାତାକୁ ଡାକି ଆଣିଲା।
\s5
\v 9 ତେବେ ଫାରୋଙ୍କର କନ୍ୟା ତାହାଙ୍କୁ କହିଲା, “ତୁମ୍ଭେ ଏ ବାଳକକୁ ନେଇ ମୋ’ ନିମନ୍ତେ ସ୍ତନ୍ୟପାନ କରାଅ; ମୁଁ ତୁମ୍ଭକୁ ବେତନ ଦେବି,” ତହିଁରେ ସେହି ସ୍ତ୍ରୀ ବାଳକକୁ ନେଇ ସ୍ତନ୍ୟପାନ କରାଇଲା।
\v 10 ଏଥିଉତ୍ତାରେ ବାଳକ ବଢ଼ନ୍ତେ, ସେ ତାକୁ ନେଇ ଫାରୋଙ୍କର କନ୍ୟାକୁ ଦେଲା। ତହିଁରେ ବାଳକ ତାହାର ପୁତ୍ର ହେଲା। ତେଣୁ ସେ ତାହାର ନାମ ମୋଶା
\f +
\fr 2:10
\ft ଆକର୍ଷିତ କିଅବା ବାହାରକୁ ନେବା
\f* ଦେଲା; କାରଣ ସେ କହିଲା, “ମୁଁ ଜଳରୁ ଏହାକୁ ଆକର୍ଷଣ କଲି।”
\s ମୋଶାଙ୍କର ମିଦୀୟନକୁ ପଳାୟନ
\p
\s5
\v 11 କାଳକ୍ରମେ ମୋଶା ବଡ଼ ହେଲା ଉତ୍ତାରେ ଦିନକରେ ସେ ଆପଣା ଭ୍ରାତୃଗଣ ନିକଟକୁ ଯାଇ ସେମାନଙ୍କୁ ଭାର ବହିବାର ଦେଖିଲେ; ପୁଣି, ଜଣେ ମିସ୍ରୀୟ ତାହାର ଭ୍ରାତୃଗଣ ମଧ୍ୟରୁ ଜଣେ ଏବ୍ରୀଙ୍କୁ ପ୍ରହାର କରୁଥିବାର ଦେଖିଲେ।
\v 12 ଏହେତୁ ସେ ଏଣେତେଣେ ଅନାଇ କାହାକୁ ନ ଦେଖି ସେହି ମିସ୍ରୀୟକୁ ବଧ କରି ବାଲିରେ ପୋତି ଦେଲେ।
\s5
\v 13 ଆଉ ଦ୍ୱିତୀୟ ଦିନ ସେ ବାହାରକୁ ଯାଇ ଦୁଇ ଜଣ ଏବ୍ରୀଙ୍କୁ ବିବାଦ କରୁଥିବାର ଦେଖି ଦୋଷୀ ଲୋକଙ୍କୁ କହିଲେ, “ତୁମ୍ଭେ ଆପଣା ଭାଇଙ୍କୁ କାହିଁକି ପ୍ରହାର କରୁଅଛ ?”
\v 14 ତହିଁରେ ସେ କହିଲା, “କିଏ ତୁମ୍ଭକୁ ଆମ୍ଭମାନଙ୍କ ଉପରେ ରାଜା ଓ ବିଚାରକର୍ତ୍ତା କରି ନିଯୁକ୍ତ କରିଅଛି ?” ତୁମ୍ଭେ ଯେପରି ସେହି ମିସ୍ରୀୟ ଲୋକକୁ ବଧ କଲ, ସେହିପରି କି ମୋତେ ବଧ କରିବାକୁ ଚାହୁଁଛ ? ତହିଁରେ ମୋଶା ଭୟଭୀତ ହୋଇ କହିଲେ, “ଏ କଥା ଅବଶ୍ୟ ପ୍ରକାଶିତ ହୋଇଅଛି।”
\s5
\v 15 ଏଥିଉତ୍ତାରେ ଫାରୋ ଏ କଥା ଶୁଣି ମୋଶାଙ୍କୁ ବଧ କରିବା ପାଇଁ ଚେଷ୍ଟା କଲେ। ମାତ୍ର ମୋଶା ଫାରୋଙ୍କ ସମ୍ମୁଖରୁ ପଳାଇ ମିଦୀୟନ ଦେଶରେ ବାସ କରିବାକୁ ଯାଇ ଗୋଟିଏ କୂପ ନିକଟରେ ବସିଲେ।
\v 16 ମିଦୀୟନୀୟ ଯାଜକଙ୍କର ସାତୋଟି କନ୍ୟା ଥିଲେ; ସେମାନେ ସେହି ସ୍ଥାନକୁ ଆସି ପିତାଙ୍କ ମେଷପଲକୁ ଜଳପାନ କରାଇବା ପାଇଁ ଜଳ କାଢ଼ି କୁଣ୍ଡ ପରିପୂର୍ଣ୍ଣ କଲେ।
\v 17 ଏଥିମଧ୍ୟରେ ମେଷପାଳକମାନେ ଆସି ସେମାନଙ୍କୁ ତଡ଼ି ଦେବାକୁ ଲାଗିଲେ, ମାତ୍ର ମୋଶା ଉଠି ସେମାନଙ୍କର ସାହାଯ୍ୟ କରି ସେମାନଙ୍କ ମେଷପଲକୁ ଜଳପାନ କରାଇଲେ।
\s5
\v 18 ଏଥିଉତ୍ତାରେ ସେମାନେ ଆପଣା ପିତା ରୁୟେଲ ନିକଟକୁ ଯାଆନ୍ତେ, ସେ ସେମାନଙ୍କୁ ପଚାରିଲା, “ଆଜି ତୁମ୍ଭେମାନେ ଏତେ ଶୀଘ୍ର କିପରି ଆସିଲ ?”
\v 19 ତହିଁରେ ସେମାନେ କହିଲେ, “ଜଣେ ମିସ୍ରୀୟ ଲୋକ ମେଷପାଳକମାନଙ୍କ ହସ୍ତରୁ ଆମ୍ଭମାନଙ୍କୁ ଉଦ୍ଧାର କଲା, ପୁଣି, ଆମ୍ଭମାନଙ୍କ ନିମନ୍ତେ ଜଳ କାଢ଼ି ମେଷପଲକୁ ଜଳପାନ କରାଇଲା।”
\v 20 ତେବେ ସେ ଆପଣା କନ୍ୟାମାନଙ୍କୁ କହିଲା, “ସେ କେଉଁଠାରେ ? ତୁମ୍ଭେମାନେ ତାକୁ କାହିଁକି ଛାଡ଼ି ଆସିଲ ? ତାକୁ ଡାକ; ସେ ଆମ୍ଭମାନଙ୍କ ସହିତ ଭୋଜନ କରିବ।”
\s5
\v 21 ଏଥିଉତ୍ତାରେ ମୋଶା ସେହି ମନୁଷ୍ୟ ସହିତ ବାସ କରିବାକୁ ସମ୍ମତ ହେଲେ; ପୁଣି, ସେ ମୋଶାଙ୍କ ସହିତ ଆପଣା କନ୍ୟା ସିପ୍‍ପୋରାର ବିବାହ ଦେଲା।
\v 22 ଏଥିଉତ୍ତାରେ ସେହି ସ୍ତ୍ରୀ ପୁତ୍ର ପ୍ରସବ କରନ୍ତେ, ମୋଶା ତାହାର ନାମ ଗେର୍ଶୋମ
\f +
\fr 2:22
\ft ଏଠାର-ପ୍ରବାସୀ
\f* ଦେଲେ; କାରଣ ସେ କହିଲେ, “ମୁଁ ବିଦେଶରେ ପ୍ରବାସୀ ହୋଇଅଛି।”
\s5
\v 23 ବହୁ କାଳ ଉତ୍ତାରେ ମିସ୍ରୀୟ ରାଜାଙ୍କର ମୃତ୍ୟୁୁ ହେଲା, ପୁଣି, ଇସ୍ରାଏଲ ସନ୍ତାନଗଣ ଦାସ୍ୟକର୍ମ ସକାଶୁ ହାହାକାର ଓ କ୍ରନ୍ଦନ କଲେ ଓ ଦାସ୍ୟକର୍ମ ସକାଶୁ ସେମାନଙ୍କ ଆର୍ତ୍ତନାଦ ପରମେଶ୍ୱରଙ୍କ ଛାମୁରେ ଉପସ୍ଥିତ ହେଲା।
\v 24 ତହିଁରେ ପରମେଶ୍ୱର ସେମାନଙ୍କ ଆର୍ତ୍ତସ୍ୱର ଶୁଣିଲେ, ଆଉ ଅବ୍ରହାମ ଓ ଇସ୍‍ହାକ ଓ ଯାକୁବଙ୍କ ସହିତ କୃତ ଆପଣା ନିୟମ ସ୍ମରଣ କରି,
\v 25 ଇସ୍ରାଏଲ ସନ୍ତାନଗଣ ପ୍ରତି ଦୃଷ୍ଟିପାତ କଲେ ଓ ସେମାନଙ୍କ ଅବସ୍ଥା ଜାଣିଲେ।
\s5
\c 3
\s ଜ୍ୱଳନ୍ତ ବୁଦା
\p
\v 1 ସେହି ସମୟରେ ମୋଶା ଆପଣା ଶ୍ୱଶୁର ଯିଥ୍ରୋ ନାମକ ମିଦୀୟନୀୟ ଯାଜକଙ୍କର ମେଷପଲ ଚରାଉ ଥିଲେ; ଦିନକରେ ସେ ପ୍ରାନ୍ତରର ପଶ୍ଚାଦ୍‍ଭାଗରେ ମେଷପଲ ଘେନି ହୋରେବ ନାମକ ପରମେଶ୍ୱରଙ୍କ ପର୍ବତରେ ଉପସ୍ଥିତ ହେଲେ।
\v 2 ଏଥିରେ ଗୋଟିଏ ବୁଦା ମଧ୍ୟରୁ ଅଗ୍ନି ଶିଖାରେ ସଦାପ୍ରଭୁଙ୍କ ଦୂତ ତାଙ୍କୁ ଦର୍ଶନ ଦେଲେ; ତହୁଁ ସେ ଅନାଇଲେ, ଆଉ ଦେଖ, ବୁଦା ଅଗ୍ନିରେ ପ୍ରଜ୍ୱଳିତ ହେଉଅଛି, ତଥାପି ବୁଦା ନଷ୍ଟ ହେଉ ନାହିଁ।
\v 3 ତେଣୁ ମୋଶା କହିଲେ, “ମୁଁ ଏକ ପାଖକୁ ଯାଇ ଏହି ମହାଶ୍ଚର୍ଯ୍ୟ ବିଷୟ ଦେଖିବି, ବୁଦାଟା କାହିଁକି ଦଗ୍ଧ ହେଉ ନାହିଁ।”
\s5
\v 4 ମାତ୍ର ସଦାପ୍ରଭୁ ଯେତେବେଳେ ଦେଖିଲେ, ଯେ ସେ ଦେଖିବା ନିମନ୍ତେ ଏକ ପାଖକୁ ଯାଉଅଛନ୍ତି, ସେତେବେଳେ ପରମେଶ୍ୱର ବୁଦା ମଧ୍ୟରୁ ତାଙ୍କୁ ଡାକି କହିଲେ, “ହେ ମୋଶା, ହେ ମୋଶା।” ତହିଁରେ ସେ କହିଲେ, “ଏହି ଦେଖନ୍ତୁ, ମୁଁ ଉପସ୍ଥିତ ଅଛି।”
\v 5 ତହୁଁ ସେ କହିଲେ, “ତୁମ୍ଭେ ଏ ସ୍ଥାନର ନିକଟବର୍ତ୍ତୀ ହୁଅ ନାହିଁ, ତୁମ୍ଭ ପାଦରୁ ପାଦୁକା କାଢ଼; କାରଣ ତୁମ୍ଭେ ଯେଉଁ ସ୍ଥାନରେ ଛିଡ଼ା ହେଉଅଛ, ତାହା ପବିତ୍ର ଭୂମି।”
\v 6 ସେ ଆହୁରି କହିଲେ, “ଆମ୍ଭେ ତୁମ୍ଭର ପୈତୃକ ପରମେଶ୍ୱର, ଅର୍ଥାତ୍‍, ଅବ୍ରହାମର ପରମେଶ୍ୱର ଓ ଇସ୍‍ହାକର ପରମେଶ୍ୱର ଓ ଯାକୁବର ପରମେଶ୍ୱର।” ତହିଁରେ ମୋଶା ଆପଣା ମୁଖ ଆଚ୍ଛାଦନ କଲେ, କାରଣ ସେ ପରମେଶ୍ୱରଙ୍କ ପ୍ରତି ଦୃଷ୍ଟି କରିବାକୁ ଭୀତ ହେଲେ।
\s5
\v 7 ଏଥିଉତ୍ତାରେ ସଦାପ୍ରଭୁ କହିଲେ, “ଆମ୍ଭେ ମିସର ଦେଶସ୍ଥିତ ଆପଣା ଲୋକମାନଙ୍କର କ୍ଳେଶ ନିତାନ୍ତ ଦେଖିଅଛୁ ଓ କାର୍ଯ୍ୟଶାସକମାନଙ୍କ କାରଣରୁ ହେଉଥିବା ସେମାନଙ୍କ ରୋଦନ ଶୁଣିଅଛୁ; ଆମ୍ଭେ ସେମାନଙ୍କର ଯନ୍ତ୍ରଣା ଜାଣିଅଛୁ।
\v 8 ଏହେତୁ ମିସ୍ରୀୟ ଲୋକମାନଙ୍କ ହସ୍ତରୁ ସେମାନଙ୍କୁ ଉଦ୍ଧାର କରିବାକୁ, ପୁଣି, ସେହି ଦେଶରୁ ଉତ୍ତମ ଓ ପ୍ରଶସ୍ତ ଏକ ଦେଶକୁ; ଅର୍ଥାତ୍‍, କିଣାନୀୟ, ହିତ୍ତୀୟ, ଇମୋରୀୟ, ପରିଷୀୟ, ହିବ୍ବୀୟ ଓ ଯିବୂଷୀୟମାନେ ଯେଉଁ ସ୍ଥାନରେ ଥା’ନ୍ତି, ସେହି ଦୁଗ୍ଧ ଓ ମଧୁ ପ୍ରବାହୀ ଦେଶକୁ ସେମାନଙ୍କୁ ନେଇ ଯିବାକୁ ଓହ୍ଲାଇ ଆସିଲୁ।
\s5
\v 9 ଯେହେତୁ ଦେଖ, ଇସ୍ରାଏଲ ସନ୍ତାନଗଣର କ୍ରନ୍ଦନ ଆମ୍ଭର କର୍ଣ୍ଣଗୋଚର ହୋଇଅଛି; ଆହୁରି ମିସ୍ରୀୟ ଲୋକମାନେ ସେମାନଙ୍କ ପ୍ରତି ଯେଉଁ ଅତ୍ୟାଚାର ବ୍ୟବହାର କରନ୍ତି, ତାହା ଆମ୍ଭେ ଦେଖିଅଛୁ।
\v 10 ଏଣୁ ଏବେ ଆସ, ଆମ୍ଭେ ତୁମ୍ଭକୁ ଫାରୋ ନିକଟକୁ ପ୍ରେରଣ କରିବା, ତୁମ୍ଭେ ମିସରଠାରୁ ଆମ୍ଭର ଲୋକ ଇସ୍ରାଏଲ ସନ୍ତାନଗଣକୁ ବାହାର କରି ଆଣିବ।”
\s5
\v 11 ତହିଁରେ ମୋଶା ପରମେଶ୍ୱରଙ୍କୁ କହିଲେ, “ମୁଁ କିଏ ଯେ, ଫାରୋଙ୍କ ନିକଟକୁ ଯାଇ ମିସର ଦେଶରୁ ଇସ୍ରାଏଲ ସନ୍ତାନଗଣକୁ ବାହାର କରି ଆଣିବି ?”
\v 12 ତହୁଁ ସେ କହିଲେ, “ଆମ୍ଭେ ଅବଶ୍ୟ ତୁମ୍ଭର ସହବର୍ତ୍ତୀ ହେବା; ପୁଣି, ଆମ୍ଭେ ଯେ ତୁମ୍ଭକୁ ପ୍ରେରଣ କଲୁ, ତହିଁର ଏକ ଚିହ୍ନ ଜାଣିବ, ତୁମ୍ଭେ ମିସରରୁ ଲୋକସମୂହ ବାହାର କରି ଆଣିଲା ଉତ୍ତାରେ ତୁମ୍ଭେମାନେ ଏହି ପର୍ବତରେ ପରମେଶ୍ୱରଙ୍କର ସେବା କରିବ।”
\s5
\v 13 ଏଥିଉତ୍ତାରେ ମୋଶା ପରମେଶ୍ୱରଙ୍କୁ କହିଲେ, “ଦେଖ, ମୁଁ ଯେତେବେଳେ ଇସ୍ରାଏଲର ସନ୍ତାନମାନଙ୍କ ନିକଟକୁ ଯାଇ ସେମାନଙ୍କୁ କହିବି, କି ତୁମ୍ଭମାନଙ୍କ ପୂର୍ବପୁରୁଷମାନଙ୍କ ପରମେଶ୍ୱର ମୋତେ ତୁମ୍ଭମାନଙ୍କ ନିକଟକୁ ପଠାଇଅଛନ୍ତି; ପୁଣି, ସେମାନେ ପଚାରିବେ, ତାହାଙ୍କର ନାମ କଅଣ ? ସେତେବେଳେ ମୁଁ କି ଉତ୍ତର ଦେବି ?”
\v 14 ତହିଁରେ ପରମେଶ୍ୱର ମୋଶାଙ୍କୁ କହିଲେ, “ଆମ୍ଭେ ଯେ ଅଛୁ, ସେ ଅଛୁ,” ପୁଣି, ସେ କହିଲେ, “ତୁମ୍ଭେ ଇସ୍ରାଏଲ ସନ୍ତାନଗଣକୁ କହିବ, ସ୍ୱୟମ୍ଭୂ (ଆମ୍ଭେ ଅଛୁ) ତୁମ୍ଭମାନଙ୍କ ନିକଟକୁ ମୋତେ ପଠାଇ ଅଛନ୍ତି।”
\v 15 ପରମେଶ୍ୱର ମୋଶାଙ୍କୁ ଆହୁରି କହିଲେ, “ତୁମ୍ଭେ ଇସ୍ରାଏଲ ସନ୍ତାନଗଣକୁ ଏହି କଥା କହିବ, ତୁମ୍ଭମାନଙ୍କ ପୂର୍ବପୁରୁଷଗଣର ପରମେଶ୍ୱର, ଅର୍ଥାତ୍‍, ଅବ୍ରହାମର ପରମେଶ୍ୱର, ଇସ୍‍ହାକର ପରମେଶ୍ୱର ଓ ଯାକୁବର ପରମେଶ୍ୱର ଯେ ସଦାପ୍ରଭୁ (ସ୍ୱୟମ୍ଭୂ), ସେ ତୁମ୍ଭମାନଙ୍କ ନିକଟକୁ ମୋତେ ପଠାଇ ଅଛନ୍ତି; ଆମ୍ଭର ଏହି ନାମ ଅନନ୍ତକାଳସ୍ଥାୟୀ, ପୁଣି, ପୁରୁଷାନୁକ୍ରମେ ସ୍ମରଣୀୟ ଅଟେ।
\s5
\v 16 ତୁମ୍ଭେ ଯାଇ ଇସ୍ରାଏଲ ବଂଶର ପ୍ରାଚୀନଗଣକୁ ଏକତ୍ର କରି ଏହି କଥା କୁହ, ତୁମ୍ଭମାନଙ୍କ ପୂର୍ବପୁରୁଷଗଣର ପରମେଶ୍ୱର, ଅର୍ଥାତ୍‍, ଅବ୍ରହାମ, ଇସ୍‍ହାକ ଓ ଯାକୁବର ପରମେଶ୍ୱର ସଦାପ୍ରଭୁ ମୋତେ ଦର୍ଶନ ଦେଇ କହିଅଛନ୍ତି, ଆମ୍ଭେ ତୁମ୍ଭମାନଙ୍କର ଓ ମିସରରେ ତୁମ୍ଭମାନଙ୍କ ପ୍ରତି ଯାହା ଯାହା କରାଯାଉଅଛି, ସେସମସ୍ତ ବିଷୟର ଧ୍ୟାନ ଦେଇଅଛୁ।
\v 17 ପୁଣି, ଆମ୍ଭେ ତୁମ୍ଭମାନଙ୍କୁ ମିସରର କ୍ଳେଶରୁ ଉଦ୍ଧାର କରି କିଣାନୀୟମାନଙ୍କ, ହିତ୍ତୀୟମାନଙ୍କ, ଇମୋରୀୟମାନଙ୍କ, ପରିଷୀୟମାନଙ୍କ, ହିବ୍ବୀୟମାନଙ୍କ ଓ ଯିବୂଷୀୟମାନଙ୍କର ଦୁଗ୍ଧ ଓ ମଧୁ ପ୍ରବାହୀ ଦେଶକୁ ନେଇଯିବୁ ବୋଲି କହିଅଛୁ।
\v 18 ଏଥିରେ ସେମାନେ ତୁମ୍ଭ ରବରେ ଅବଧାନ କରିବେ; ତହୁଁ ତୁମ୍ଭେ ଓ ଇସ୍ରାଏଲ ବଂଶର ପ୍ରାଚୀନବର୍ଗ ମିସରର ରାଜା ନିକଟକୁ ଯାଇ ଏହି କଥା କହିବ, ଏବ୍ରୀୟ ଲୋକମାନଙ୍କ ପରମେଶ୍ୱର ସଦାପ୍ରଭୁ ଆମ୍ଭମାନଙ୍କ ସହିତ ସାକ୍ଷାତ କରିଅଛନ୍ତି; ଏହେତୁ ବିନୟ କରୁଅଛୁ, ଆମ୍ଭମାନଙ୍କ ପରମେଶ୍ୱର ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବଳିଦାନ କରିବା ନିମିତ୍ତ ଏବେ ଆମ୍ଭମାନଙ୍କୁ ତିନି ଦିନର ପଥ ପ୍ରାନ୍ତରକୁ ଯିବା ପାଇଁ ଅନୁମତି ଦେଉନ୍ତୁ।
\s5
\v 19 ମାତ୍ର ଆମ୍ଭେ ଜାଣୁ, ମିସରର ରାଜା ତୁମ୍ଭମାନଙ୍କୁ ଯିବା ପାଇଁ ଅନୁମତି ଦେବ ନାହିଁ, ପରାକ୍ରାନ୍ତ ହସ୍ତ ପ୍ରକାଶିତ ହେଲେ ସୁଦ୍ଧା ଦେବ ନାହିଁ।
\v 20 ତହିଁରେ ଆମ୍ଭେ ଆପଣା ହସ୍ତ ବିସ୍ତାର କରି ଦେଶ ମଧ୍ୟରେ ଯେ ସକଳ ଆଶ୍ଚର୍ଯ୍ୟ କର୍ମ କରିବା; ତଦ୍ଦ୍ୱାରା ମିସରକୁ ଆଘାତ କଲା ଉତ୍ତାରେ ସେ ତୁମ୍ଭମାନଙ୍କୁ ଯିବାକୁ ଦେବ।
\v 21 ଆଉ ଆମ୍ଭେ ମିସ୍ରୀୟ ଲୋକମାନଙ୍କ ସାକ୍ଷାତରେ ଏହି ଲୋକମାନଙ୍କୁ ଅନୁଗ୍ରହପାତ୍ର କରିବା, ତହିଁରେ ତୁମ୍ଭେମାନେ ଯାତ୍ରା ସମୟରେ ଶୂନ୍ୟ ହସ୍ତରେ ଯିବ ନାହିଁ;
\v 22 ମାତ୍ର ପ୍ରତ୍ୟେକ ସ୍ତ୍ରୀ ଆପଣା ପ୍ରତିବାସିନୀ ଓ ଆପଣା ଗୃହପ୍ରବାସିନୀ ସ୍ତ୍ରୀ ନିକଟରୁ ରୌପ୍ୟ ଅଳଙ୍କାର ଓ ସ୍ୱର୍ଣ୍ଣ ଅଳଙ୍କାର ଓ ବସ୍ତ୍ର ମାଗି ନେଇଯିବେ; ପୁଣି, ତାହା ତୁମ୍ଭେମାନେ ଆପଣା ପୁତ୍ରକନ୍ୟାଙ୍କୁ ପିନ୍ଧାଇବ। ଏହିରୂପେ ତୁମ୍ଭେମାନେ ମିସ୍ରୀୟ ଲୋକମାନଙ୍କ ଦ୍ରବ୍ୟ ହରଣ କରିବ।”
\s5
\c 4
\s ମୋଶାଙ୍କୁ ଅଲୌକିକ ଶକ୍ତି ପ୍ରଦାନ
\p
\v 1 ଏଥିରେ ମୋଶା ଉତ୍ତର କଲେ, “ଦେଖନ୍ତୁ, ସେମାନେ ମୋତେ ବିଶ୍ୱାସ କରିବେ ନାହିଁ ଓ ମୋ’ ରବରେ ମନୋଯୋଗ କରିବେ ନାହିଁ; ମାତ୍ର ସେମାନେ କହିବେ, ସଦାପ୍ରଭୁ ତୁମ୍ଭକୁ ଦର୍ଶନ ଦେଇ ନାହାନ୍ତି ?”
\v 2 ତେବେ ସଦାପ୍ରଭୁ ତାହାଙ୍କୁ କହିଲେ, “ତୁମ୍ଭ ହସ୍ତରେ କ’ଣ ଅଛି ?” ସେ କହିଲେ, “ଯଷ୍ଟି।”
\v 3 ତହୁଁ ସଦାପ୍ରଭୁ କହିଲେ, “ତାକୁ ଭୂମିରେ ପକାଅ।” ତେଣୁ ସେ ତାକୁ ଭୂମିରେ ପକାନ୍ତେ, ତାହା ସର୍ପ ହେଲା; ତହିଁରେ ମୋଶା ତାହା ଆଗରୁ ପଳାଇଗଲେ।
\s5
\v 4 ସେତେବେଳେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ସେମାନଙ୍କ ପୂର୍ବପୁରୁଷଗଣର ସଦାପ୍ରଭୁ ପରମେଶ୍ୱର, ଅର୍ଥାତ୍‍, ଅବ୍ରହାମର ପରମେଶ୍ୱର, ଇସ୍‍ହାକର ପରମେଶ୍ୱର ଓ ଯାକୁବର ପରମେଶ୍ୱର ଯେ ତୁମ୍ଭକୁ ଦର୍ଶନ ଦେଇଅଛନ୍ତି, ଏହା ଯେପରି ସେମାନେ ବିଶ୍ୱାସ କରିବେ,
\v 5 ଏଥିପାଇଁ ତୁମ୍ଭେ ଆପଣା ହସ୍ତ ବଢ଼ାଇ ତାହାର ଲାଞ୍ଜ ଧର,” ତହିଁରେ ସେ ହସ୍ତ ବଢ଼ାଇ ତାକୁ ଧରନ୍ତେ, ତାଙ୍କ ହସ୍ତରେ ସେ ଯଷ୍ଟି ହେଲା।
\s5
\v 6 ଏଥିଉତ୍ତାରେ ସଦାପ୍ରଭୁ ତାଙ୍କୁ ଆହୁରି କହିଲେ, “ତୁମ୍ଭେ ଆପଣା ହସ୍ତ ବକ୍ଷସ୍ଥଳରେ ଦିଅ।” ତହିଁରେ ସେ ଆପଣା ହସ୍ତ ବକ୍ଷସ୍ଥଳରେ ଦେଇ ପୁନର୍ବାର ହସ୍ତ ବାହାର କଲେ, ଦେଖ, ତାଙ୍କର ହସ୍ତ ହିମବର୍ଣ୍ଣ ତୁଲ୍ୟ କୁଷ୍ଠଯୁକ୍ତ ହେଲା।
\v 7 ଏଥିରେ ସେ କହିଲେ, “ତୁମ୍ଭେ ପୁନର୍ବାର ଆପଣା ହସ୍ତ ବକ୍ଷସ୍ଥଳରେ ଦିଅ; ସେମାନେ ଯଦି ତୁମ୍ଭକୁ ବିଶ୍ୱାସ ନ କରିବେ
\s5
\v 8 ଓ ତୁମ୍ଭର ସେହି ପ୍ରଥମ ଚିହ୍ନରେ ମନୋଯୋଗ ନ କରିବେ, ତେବେ ଦ୍ୱିତୀୟ ଚିହ୍ନରେ ବିଶ୍ୱାସ କରିବେ। ତହିଁରେ ସେ ପୁନର୍ବାର ଆପଣା ହସ୍ତ ବକ୍ଷସ୍ଥଳରେ ଦେଇ ବାହାର କଲେ, ଦେଖ, ତାହା ପ୍ରକୃତ ମାଂସ ହେଲା।
\v 9 ଏହି ଦୁଇ ଚିହ୍ନରେ ଯଦି ସେମାନେ ବିଶ୍ୱାସ ନ କରିବେ ଓ ତୁମ୍ଭ ରବରେ ମନୋଯୋଗ ନ କରିବେ, ତେବେ ତୁମ୍ଭେ ନୀଳ ନଦୀରୁ ଜଳ କିଛି ନେଇ ଶୁଷ୍କ ଭୂମିରେ ଢାଳ; ତହିଁରେ ତୁମ୍ଭେ ନଦୀରୁ ଯେଉଁ ଜଳ ଆଣିବ, ତାହା ଶୁଷ୍କ ଭୂମିରେ ରକ୍ତ ହେବ।”
\s5
\v 10 ଏଥିଉତ୍ତାରେ ମୋଶା ସଦାପ୍ରଭୁଙ୍କୁ କହିଲେ, “ହେ ପ୍ରଭୁ, ଏ ସମୟ ପୂର୍ବରେ, ଅବା ଆପଣ ନିଜ ଦାସ ସହିତ ଆଳାପ କଲା ଉତ୍ତାରେ ହେଁ ମୁଁ ବାକ୍ୟପତି ନୁହେଁ, ମାତ୍ର ମୁଁ ବାକ୍ୟରେ ଧୀର ଓ ଜଡ଼ଜିହ୍ୱ ଅଟେ।”
\v 11 ତହିଁରେ ସଦାପ୍ରଭୁ ତାହାଙ୍କୁ କହିଲେ, “ମନୁଷ୍ୟର ମୁଖ କିଏ ନିର୍ମାଣ କରିଅଛନ୍ତି ? ପୁଣି, ମନୁଷ୍ୟକୁ ମୂକ ବା ବଧିର ଅବା ଦୃଷ୍ଟିବିଶିଷ୍ଟ କିଅବା ଦୃଷ୍ଟିହୀନ କିଏ କରନ୍ତି ? ଆମ୍ଭେ ସଦାପ୍ରଭୁ କି ତାହା ନ କରୁ ?
\v 12 ଏଣୁ ଏବେ ଯାଅ, ଆମ୍ଭେ ତୁମ୍ଭ ମୁଖର ସହବର୍ତ୍ତୀ ହୋଇ ବକ୍ତବ୍ୟ କଥା ତୁମ୍ଭକୁ ଶିଖାଇବା।”
\v 13 ତହିଁରେ ସେ କହିଲେ, “ହେ ପ୍ରଭୁ, ମୁଁ ବିନୟ କରୁଅଛି, ଯାହା ଦ୍ୱାରା ପଠାଇବାର ହୁଏ, ତାହା ଦ୍ୱାରା ପଠାନ୍ତୁ।”
\s5
\v 14 ତହିଁରେ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କର କ୍ରୋଧ ପ୍ରଜ୍ୱଳିତ ହେଲା; ତେଣୁ ସେ କହିଲେ, “ଲେବୀୟ ହାରୋଣ କି ତୁମ୍ଭର ଭାଇ ନୁହେଁ ? ଆମ୍ଭେ ଜାଣୁ, ସେ ସୁବକ୍ତା। ଆଉ ଦେଖ, ସେ ତୁମ୍ଭ ସଙ୍ଗରେ ସାକ୍ଷାତ କରିବାକୁ ଆସୁଅଛି; ପୁଣି, ତୁମ୍ଭକୁ ଦେଖି ହୃଷ୍ଟଚିତ୍ତ ହେବ।
\v 15 ତୁମ୍ଭେ ତାହାକୁ କହିବ ଓ ତାହାର ମୁଖରେ ବାକ୍ୟ ଦେବ; ପୁଣି, ଆମ୍ଭେ ତୁମ୍ଭ ମୁଖର ଓ ତାହା ମୁଖର ସହବର୍ତ୍ତୀ ହୋଇ ତୁମ୍ଭମାନଙ୍କୁ କର୍ତ୍ତବ୍ୟ କର୍ମର ଶିକ୍ଷା ଦେବା।
\v 16 ସେ ଲୋକମାନଙ୍କ ନିକଟରେ ତୁମ୍ଭର ପ୍ରତିନିଧି-ବକ୍ତା ହେବ; ସେ ତୁମ୍ଭର ମୁଖ ସ୍ୱରୂପ ହେବ ଓ ତୁମ୍ଭେ ତାହାର ପରମେଶ୍ୱର ତୁଲ୍ୟ ହେବ।
\v 17 ଆଉ ତୁମ୍ଭେ ଆପଣା ହସ୍ତରେ ଏହି ଯଷ୍ଟି ଘେନ, ଯେଣୁ ଏହା ଦ୍ୱାରା ତୁମ୍ଭେ ଏହି ସମସ୍ତ ଚିହ୍ନ ଦେଖାଇବ।”
\s ମୋଶାଙ୍କ ମିସର ପ୍ରତ୍ୟାବର୍ତ୍ତନ
\p
\s5
\v 18 ଏଥିଉତ୍ତାରେ ମୋଶା ଆପଣା ଶ୍ୱଶୁର ଯିଥ୍ରୋ ନିକଟକୁ ବାହୁଡ଼ି ଯାଇ କହିଲେ, “ମୁଁ ବିନୟ କରୁଅଛି, ମିସରସ୍ଥିତ ମୋହର ଭ୍ରାତୃଗଣ ନିକଟକୁ ଏବେ ଫେରି ଯିବା ପାଇଁ ଓ ସେମାନେ ଆଜିଯାଏ ବଞ୍ଚିଅଛନ୍ତି କି ନାହିଁ, ତାହା ଦେଖିବା ପାଇଁ ମୋତେ ଯିବାକୁ ଦିଅ।” ତହିଁରେ ଯିଥ୍ରୋ ମୋଶାଙ୍କୁ କହିଲେ, “କୁଶଳରେ ଯାଅ।”
\v 19 ଆଉ ସଦାପ୍ରଭୁ ମିଦୀୟନରେ ମୋଶାଙ୍କୁ କହିଥିଲେ, “ତୁମ୍ଭେ ମିସରକୁ ଫେରିଯାଅ; ଯେହେତୁ ଯେଉଁ ଲୋକମାନେ ତୁମ୍ଭ ପ୍ରାଣ ଅନ୍ୱେଷଣ କରୁଥିଲେ, ସେସମସ୍ତେ ମରିଅଛନ୍ତି।”
\v 20 ତହୁଁ ମୋଶା ଆପଣା ଭାର୍ଯ୍ୟା ଓ ପୁତ୍ରଗଣକୁ ଗଧ ଉପରେ ଚଢ଼ାଇ ମିସର ଦେଶକୁ ଫେରିଗଲେ; ପୁଣି, ସେ ଆପଣା ହସ୍ତରେ ପରମେଶ୍ୱରଙ୍କର ସେହି ଯଷ୍ଟି ନେଲେ।
\s5
\v 21 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ସାବଧାନ, ତୁମ୍ଭେ ମିସରକୁ ଫେରିଗଲେ, ଆମ୍ଭେ ତୁମ୍ଭ ହସ୍ତରେ ଯେ ସବୁ ଆଶ୍ଚର୍ଯ୍ୟକର୍ମ କରିବାକୁ ଦେଇଅଛୁ, ତାହା ଫାରୋ ସାକ୍ଷାତରେ କରିବ; ମାତ୍ର ଆମ୍ଭେ ତାହାର ମନ କଠିନ କରିବା; ତହିଁରେ ସେ ଲୋକମାନଙ୍କୁ ଯିବାକୁ ଦେବେ ନାହିଁ।”
\v 22 ପୁଣି, ତୁମ୍ଭେ ଫାରୋକୁ କହିବ, ସଦାପ୍ରଭୁ କହନ୍ତି, ଇସ୍ରାଏଲ ଆମ୍ଭର ପୁତ୍ର; ଆମ୍ଭର ଜ୍ୟେଷ୍ଠ ପୁତ୍ର;
\v 23 ଆମ୍ଭେ ତୁମ୍ଭକୁ କହିଅଛୁ, ଆମ୍ଭର ସେବା କରିବା ପାଇଁ ତୁମ୍ଭେ ଆମ୍ଭ ପୁତ୍ରକୁ ଛାଡ଼ି ଦିଅ; ମାତ୍ର ତୁମ୍ଭେ ତାହାକୁ ଛାଡ଼ିବାକୁ ନାସ୍ତି କରିଅଛ; ଦେଖ, ଆମ୍ଭେ ତୁମ୍ଭ ପୁତ୍ରକୁ, ତୁମ୍ଭ ଜ୍ୟେଷ୍ଠ ପୁତ୍ରକୁ ବଧ କରିବା।
\s5
\v 24 ଏଥିଉତ୍ତାରେ ପଥ ମଧ୍ୟରେ ଉତ୍ତରଣୀୟ ଗୃହରେ ସଦାପ୍ରଭୁ ତାଙ୍କୁ ପାଇ ବଧ କରିବାକୁ ଚେଷ୍ଟା କଲେ।
\v 25 ସେତେବେଳେ ସିପ୍‍ପୋରା ଏକ ତୀକ୍ଷ୍ଣ ଅସ୍ତ୍ର ଘେନି ଆପଣା ପୁତ୍ରକୁ ସୁନ୍ନତ କରି ତାହା ତାଙ୍କ ଚରଣ ତଳେ ପକାଇ କହିଲା, “ତୁମ୍ଭେ ନିତାନ୍ତ ମୋହର ରକ୍ତପ୍ରିୟ ବର।”
\v 26 ଏହିରୂପେ ପରମେଶ୍ୱର ତାଙ୍କୁ ଛାଡ଼ି ଦେଲେ। ତହିଁରେ ସେ ସ୍ତ୍ରୀ କହିଲା, “ସୁନ୍ନତପ୍ରଯୁକ୍ତ ତୁମ୍ଭେ ରକ୍ତପ୍ରିୟ ବର ଅଟ।”
\s5
\v 27 ଏଥିଉତ୍ତାରେ ସଦାପ୍ରଭୁ ହାରୋଣଙ୍କୁ କହିଲେ, “ତୁମ୍ଭେ ମୋଶା ସହିତ ସାକ୍ଷାତ କରିବା ନିମନ୍ତେ ପ୍ରାନ୍ତରକୁ ଯାଅ।” ତହୁଁ ସେ ଯାଇ ପରମେଶ୍ୱରଙ୍କ ପର୍ବତରେ ତାଙ୍କ ସହିତ ସାକ୍ଷାତ କରି ତାଙ୍କୁ ଚୁମ୍ବନ କଲେ।
\v 28 ସେତେବେଳେ ମୋଶା ସଦାପ୍ରଭୁଙ୍କ ପ୍ରେରିତ ସମସ୍ତ ବାକ୍ୟ ଓ ତାହାଙ୍କ ଆଜ୍ଞାର୍ପିତ ସମସ୍ତ ଚିହ୍ନ ହାରୋଣଙ୍କୁ ଜଣାଇଲେ।
\s5
\v 29 ଏଥିଉତ୍ତାରେ ମୋଶା ଓ ହାରୋଣ ଯାଇ ଇସ୍ରାଏଲ ସନ୍ତାନମାନଙ୍କର ପ୍ରାଚୀନବର୍ଗକୁ ଏକତ୍ର କଲେ।
\v 30 ପୁଣି, ହାରୋଣ ସେମାନଙ୍କୁ ମୋଶାଙ୍କ ପ୍ରତି କଥିତ ସଦାପ୍ରଭୁଙ୍କ ସମସ୍ତ ବାକ୍ୟ କହିଲେ, ପୁଣି, ଲୋକମାନଙ୍କ ଦୃଷ୍ଟିରେ ସେହି ସମସ୍ତ ଚିହ୍ନ ପ୍ରକାଶ କଲେ।
\v 31 ତହିଁରେ ଲୋକମାନେ ବିଶ୍ୱାସ କଲେ, ପୁଣି, ସଦାପ୍ରଭୁ ଇସ୍ରାଏଲ ସନ୍ତାନଗଣର ତତ୍ତ୍ୱାବଧାନ କରି ସେମାନଙ୍କ ଦୁଃଖ ଦେଖିଅଛନ୍ତି, ଏହା ଶୁଣି ସେମାନେ ତାହାଙ୍କୁ ମସ୍ତକ ନତ କରି ଉପାସନା କଲେ।
\s5
\c 5
\s ମିସର ରାଜାଙ୍କ ସମ୍ମୁଖରେ ମୋଶା ଓ ହାରୋଣ
\p
\v 1 ଏଥିଉତ୍ତାରେ ମୋଶା ଓ ହାରୋଣ ପ୍ରବେଶ କରି ଫାରୋଙ୍କୁ କହିଲେ, “ଇସ୍ରାଏଲର ସଦାପ୍ରଭୁ ପରମେଶ୍ୱର କହନ୍ତି, ପ୍ରାନ୍ତରରେ ଆମ୍ଭ ଉଦ୍ଦେଶ୍ୟରେ ଉତ୍ସବ କରିବାକୁ ଆମ୍ଭ ଲୋକମାନଙ୍କୁ ଯିବାକୁ ଦିଅ।”
\v 2 ତହିଁରେ ଫାରୋ କହିଲେ, “ସଦାପ୍ରଭୁ କିଏ, ଯେ ଆମ୍ଭେ ତାହାର କଥା ମାନି ଇସ୍ରାଏଲକୁ ଯିବାକୁ ଦେବୁ ? ଆମ୍ଭେ ସଦାପ୍ରଭୁଙ୍କୁ ଚିହ୍ନି ନାହୁଁ ଓ ଇସ୍ରାଏଲକୁ ଯିବାକୁ ଦେବୁ ନାହିଁ।”
\s5
\v 3 ସେମାନେ କହିଲେ, “ଏବ୍ରୀୟମାନଙ୍କ ପରମେଶ୍ୱର ଆମ୍ଭମାନଙ୍କୁ ଦର୍ଶନ ଦେଇଅଛନ୍ତି; ଏଣୁ ଆମ୍ଭେମାନେ ବିନୟ କରୁଅଛୁ, ସଦାପ୍ରଭୁ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ବଳିଦାନ କରିବା ନିମନ୍ତେ ଆମ୍ଭମାନଙ୍କୁ ପ୍ରାନ୍ତରରେ ତିନି ଦିନର ପଥ ଯିବାକୁ ଦେଉନ୍ତୁ; ନୋହିଲେ ସେ ଆମ୍ଭମାନଙ୍କୁ ମହାମାରୀରେ କିମ୍ବା ଖଡ୍ଗ ଦ୍ୱାରା ଆକ୍ରମଣ କରିବେ।”
\v 4 ତହୁଁ ମିସରର ରାଜା ସେମାନଙ୍କୁ କହିଲେ, “ହେ ମୋଶା ଓ ହାରୋଣ, ତୁମ୍ଭେମାନେ ଲୋକମାନଙ୍କୁ କାହିଁକି କାର୍ଯ୍ୟରୁ ନିବୃତ୍ତ କରୁଅଛ ? ତୁମ୍ଭେମାନେ ଆପଣା ଆପଣା ଭାରବହନ କର୍ମରେ ଯାଅ।”
\v 5 ଫାରୋ ଆହୁରି କହିଲେ, “ଦେଖ, ଏବେ ଏ ଦେଶରେ ଏହି ଲୋକ ଅନେକ, ପୁଣି, ତୁମ୍ଭେମାନେ ସେମାନଙ୍କୁ ଭାର ବହିବାରୁ ନିବୃତ୍ତ କରୁଅଛ।”
\s5
\v 6 ଆଉ ଫାରୋ ସେହି ଦିନ ଲୋକମାନଙ୍କ କାର୍ଯ୍ୟଶାସକ ଓ ଅଧ୍ୟକ୍ଷମାନଙ୍କୁ ଏହି ଆଜ୍ଞା ଦେଲେ,
\v 7 “ତୁମ୍ଭେମାନେ ଇଟା ନିର୍ମାଣ ନିମିତ୍ତ ପୂର୍ବ ପରି ଏହି ଲୋକମାନଙ୍କୁ ଆଉ ପାଳ ଦିଅ ନାର୍ହିଁ; ସେମାନେ ଯାଇ ଆପଣା ନିମନ୍ତେ ପାଳ ସଂଗ୍ରହ କରନ୍ତୁ।
\v 8 ପୁଣି, ପୂର୍ବରେ ସେମାନଙ୍କ ଉପରେ ଯେତେ ଇଟା ନିର୍ମାଣର ଭାର ଥିଲା, ଏବେ ସେହି ଭାର ଦିଅ; ତହିଁରୁ କିଛିମାତ୍ର ଊଣା କର ନାହିଁ; ଯେହେତୁ ସେମାନେ ଅଳସୁଆ ଅଟନ୍ତି; ଏଣୁ ଆମ୍ଭମାନଙ୍କୁ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ବଳିଦାନ କରିବାକୁ ଯିବାକୁ ଦିଅ ବୋଲି ଡାକ ପକାଉ ଅଛନ୍ତି;
\v 9 ଏହେତୁ ଏମାନେ କାର୍ଯ୍ୟ ଭାରରେ ଭାରାକ୍ରାନ୍ତ ହୋଇ ତହିଁରେ ବ୍ୟସ୍ତ ଥା’ନ୍ତୁ; ମିଥ୍ୟା କଥାରେ ଅବଧାନ ନ କରନ୍ତୁ।”
\s5
\v 10 ତହିଁ ଉତ୍ତାରୁ ଲୋକମାନଙ୍କ କାର୍ଯ୍ୟଶାସକ ଓ ଅଧ୍ୟକ୍ଷଗଣ ବାହାରେ ଯାଇ ସେମାନଙ୍କୁ କହିଲେ, “ଫାରୋ ଏହି କଥା କହନ୍ତି, ଆମ୍ଭେ ତୁମ୍ଭମାନଙ୍କୁ ଆଉ ପାଳ ଦେବୁ ନାହିଁ।
\v 11 ଯାଅ, ଯେଉଁଠାରେ ପାଳ ପାଇ ପାରିବ ସେହିଠାରୁ ଆପଣା ଆପଣା ନିମନ୍ତେ ତାହା ସଂଗ୍ରହ କର; ମାତ୍ର ତୁମ୍ଭମାନଙ୍କର କାର୍ଯ୍ୟ କିଛି ଊଣା ହେବ ନାହିଁ।”
\s5
\v 12 ତହିଁରେ ଲୋକମାନେ ପାଳ ବଦଳେ କୁଟା ସଂଗ୍ରହ କରିବାକୁ ସମସ୍ତ ମିସର ଦେଶରେ ଛିନ୍ନଭିନ୍ନ ହୋଇଗଲେ।
\v 13 ତଥାପି କାର୍ଯ୍ୟଶାସକମାନେ ଚଞ୍ଚଳ କରାଇ କହିଲେ, “ପାଳ ପାଇବା ବେଳେ ଯେପରି ତୁମ୍ଭେମାନେ କର୍ମ କରୁଥିଲ, ସେପରି ଏବେ ମଧ୍ୟ ନିରୂପିତ ଦୈନିକ କର୍ମ ପ୍ରତିଦିନ ସମ୍ପୂର୍ଣ୍ଣ କର।”
\v 14 ଫାରୋଙ୍କର କାର୍ଯ୍ୟଶାସକମାନେ ଇସ୍ରାଏଲବଂଶୀୟ ଯେଉଁ କାର୍ଯ୍ୟାଧ୍ୟକ୍ଷମାନଙ୍କୁ ରଖିଥିଲେ; ସେମାନଙ୍କୁ ପ୍ରହାର କରି କହିଲେ, “ତୁମ୍ଭେମାନେ ପୂର୍ବ ପରି ଇଟା ବନାଇବାର ନିରୂପିତ କର୍ମ କାହିଁକି ଆଜିକାଲି ସମ୍ପୂର୍ଣ୍ଣ କରୁ ନାହଁ ?”
\s5
\v 15 ତହିଁରେ ଇସ୍ରାଏଲବଂଶୀୟ କାର୍ଯ୍ୟାଧ୍ୟକ୍ଷମାନେ ଆସି ଫାରୋଙ୍କ ନିକଟରେ କ୍ରନ୍ଦନ କରି କହିଲେ, “ଆପଣ କାହିଁକି ଆପଣା ଦାସମାନଙ୍କ ସହିତ ଏପରି ବ୍ୟବହାର କରୁଅଛନ୍ତି ?”
\v 16 ଆପଣଙ୍କ ଦାସମାନଙ୍କୁ ପାଳ ଦିଆଯାଏ ନାହିଁ, ତଥାପି ସେମାନେ କହନ୍ତି, ଇଟା ବନାଅ; ଆଉ ଦେଖନ୍ତୁ, ଆପଣଙ୍କ ଦାସମାନେ ପ୍ରହାରିତ ହୁଅନ୍ତି, ମାତ୍ର ଦୋଷ ଆପଣଙ୍କ ନିଜ ଲୋକଙ୍କର।”
\v 17 ତହୁଁ ସେ କହିଲେ, “ତୁମ୍ଭେମାନେ ବହୁତ ଅଳସୁଆ, ଏଥିପାଇଁ କହୁଛ, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବଳିଦାନ କରିବାକୁ ଆମ୍ଭମାନଙ୍କୁ ଯିବାକୁ ଦିଅ।
\v 18 ଏବେ ଯାଅ, କର୍ମ କର, ତୁମ୍ଭମାନଙ୍କୁ ପାଳ ଦିଆଯିବ ନାହିଁ, ତଥାପି ତୁମ୍ଭମାନଙ୍କୁ ଇଟାର ସମ୍ପୂର୍ଣ୍ଣ ସଂଖ୍ୟା ଦେବାକୁ ହେବ।
\s5
\v 19 ତହିଁରେ ତୁମ୍ଭମାନଙ୍କ ଦୈନିକ ନିରୂପିତ ଇଟାରୁ କିଛି ଊଣା ହେବ ନାହିଁ; ଏହି କଥାରେ ଇସ୍ରାଏଲବଂଶୀୟ କାର୍ଯ୍ୟାଧ୍ୟକ୍ଷମାନେ ଦେଖିଲେ ଯେ, ସେମାନଙ୍କ ଦଶା ଅମଙ୍ଗଳସୂଚକ।”
\v 20 ଏଥିଉତ୍ତାରେ ସେମାନେ ଫାରୋଙ୍କ ନିକଟରୁ ଫେରିବା ସମୟରେ ସେମାନେ ମୋଶା ଓ ହାରୋଣଙ୍କୁ ସାକ୍ଷାତ କଲେ, ଯେପରି ସେମାନେ ସେମାନଙ୍କର ଅପେକ୍ଷାରେ ଥିଲେ;
\v 21 ଏଣୁ ସେମାନଙ୍କୁ କହିଲେ, “ସଦାପ୍ରଭୁ ତୁମ୍ଭମାନଙ୍କ ପ୍ରତି ଦୃଷ୍ଟି କରି ବିଚାର କରନ୍ତୁ; ଯେହେତୁ ତୁମ୍ଭେମାନେ ଫାରୋ ଓ ତାଙ୍କର ଦାସମାନଙ୍କ ସାକ୍ଷାତରେ ଆମ୍ଭମାନଙ୍କୁ ଘୃଣାଯୋଗ୍ୟ କରି ଆମ୍ଭମାନଙ୍କ ହତ୍ୟା ନିମିତ୍ତ ସେମାନଙ୍କ ହସ୍ତରେ ଖଡ୍ଗ ଦେଲ।”
\s5
\v 22 ଏଥିଉତ୍ତାରେ ମୋଶା ସଦାପ୍ରଭୁଙ୍କ ନିକଟକୁ ଫେରିଯାଇ କହିଲେ, “ହେ ପ୍ରଭୁ, ତୁମ୍ଭେ କାହିଁକି ଏହି ଲୋକମାନଙ୍କର ଅମଙ୍ଗଳ କରିଅଛ ? ତୁମ୍ଭେ କାହିଁକି ମୋତେ ପଠାଇଲ ?
\v 23 କାରଣ ଯେଉଁ ଦିନାବଧି ମୁଁ ତୁମ୍ଭ ନାମରେ କଥା କହିବା ପାଇଁ ଫାରୋଙ୍କ ନିକଟକୁ ଆସିଲି, ସେହି ଦିନାବଧି ସେ ଏହି ଲୋକମାନଙ୍କର ଅମଙ୍ଗଳ କରିଅଛନ୍ତି, ପୁଣି, ତୁମ୍ଭେ ଆପଣା ଲୋକମାନଙ୍କର କିଛିମାତ୍ର ଉଦ୍ଧାର କରି ନାହଁ।”
\s5
\c 6
\p
\v 1 ସେତେବେଳେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ଆମ୍ଭେ ଫାରୋ ପ୍ରତି ଯାହା କରିବା, ତାହା ତୁମ୍ଭେ ଏବେ ଦେଖିବ; କାରଣ ବାହୁ ବଳ ପ୍ରକାଶିତ ହେଲେ, ସେ ଲୋକମାନଙ୍କୁ ଯିବାକୁ ଦେବ ଓ ବାହୁ ବଳ ପ୍ରକାଶିତ ହେଲେ, ଆପଣା ଦେଶରୁ ସେମାନଙ୍କୁ ତଡ଼ି ଦେବ।”
\s ମୋଶାଙ୍କୁ ପରମେଶ୍ୱରଙ୍କ ଆହ୍ୱାନ
\p
\s5
\v 2 ପରମେଶ୍ୱର ମୋଶାଙ୍କ ସହିତ ଆଳାପ କରି ଆହୁରି କହିଲେ, “ଆମ୍ଭେ ଯିହୋବାଃ (ସଦାପ୍ରଭୁ);
\v 3 ଆମ୍ଭେ ଅବ୍ରହାମ, ଇସ୍‍ହାକ ଓ ଯାକୁବଙ୍କୁ ସର୍ବଶକ୍ତିମାନ ପରମେଶ୍ୱର
\f +
\fr 6:3
\ft ଏଲ୍‍ସଦାଇ
\f* ବୋଲି ଦର୍ଶନ ଦେଇଥିଲୁ, ମାତ୍ର ଆମ୍ଭେ ଆପଣା ଯିହୋବାଃ ନାମରେ ସେମାନଙ୍କୁ ପରିଚୟ ଦେଇ ନ ଥିଲୁ।
\v 4 ପୁଣି, କିଣାନ ଦେଶ, ଅର୍ଥାତ୍‍, ଯହିଁରେ ସେମାନେ ପ୍ରବାସ କଲେ, ସେହି ପ୍ରବାସ-ଦେଶ ମଧ୍ୟ ସେମାନଙ୍କୁ ଦେବା ବୋଲି ସେମାନଙ୍କ ସହିତ ନିୟମ ସ୍ଥିର କରିଥିଲୁ।
\v 5 ଏବେ ମିସ୍ରୀୟମାନେ ଯେଉଁମାନଙ୍କୁ ଦାସତ୍ୱରେ ରଖିଅଛନ୍ତି, ସେହି ଇସ୍ରାଏଲ ସନ୍ତାନଗଣର ଆର୍ତ୍ତନାଦ ଶୁଣି ଆମ୍ଭେ ଆପଣାର ସେହି ନିୟମ ସ୍ମରଣ କରିଅଛୁ।
\s5
\v 6 ଏନିମନ୍ତେ ଇସ୍ରାଏଲ ସନ୍ତାନଗଣକୁ କୁହ, ଆମ୍ଭେ ସଦାପ୍ରଭୁ, ଆମ୍ଭେ ତୁମ୍ଭମାନଙ୍କୁ ମିସ୍ରୀୟମାନଙ୍କ ଭାରବହନରୁ ନିସ୍ତାର କରିବା ଓ ଆମ୍ଭେ ତୁମ୍ଭମାନଙ୍କୁ ସେମାନଙ୍କ ଦାସତ୍ୱରୁ ମୁକ୍ତ କରିବା, ପୁଣି, ଆମ୍ଭେ ବିସ୍ତୀର୍ଣ୍ଣ ବାହୁ ଓ ମହା ମହା ଦଣ୍ଡ ଦ୍ୱାରା ତୁମ୍ଭମାନଙ୍କୁ ଉଦ୍ଧାର କରିବା।
\v 7 ଆମ୍ଭେ ତୁମ୍ଭମାନଙ୍କୁ ଆପଣା ଲୋକ ରୂପେ ଗ୍ରହଣ କରିବା ଓ ଆମ୍ଭେ ତୁମ୍ଭମାନଙ୍କର ପରମେଶ୍ୱର ହେବା; ତହିଁରେ ମିସ୍ରୀୟମାନଙ୍କ ଭାରବହନରୁ ତୁମ୍ଭମାନଙ୍କର ନିସ୍ତାରକାରୀ ଆମ୍ଭେ ଯେ ତୁମ୍ଭମାନଙ୍କ ପରମେଶ୍ୱର ସଦାପ୍ରଭୁ ଅଟୁ, ତାହା ତୁମ୍ଭେମାନେ ଜାଣିବ।”
\s5
\v 8 ଆମ୍ଭେ ଅବ୍ରହାମ, ଇସ୍‍ହାକ ଓ ଯାକୁବଙ୍କୁ ଯେଉଁ ଦେଶ ଦେବା ନିମନ୍ତେ ଆପଣା ହସ୍ତ ଉଠାଇଅଛୁ, ସେହି ଦେଶକୁ ଆମ୍ଭେ ତୁମ୍ଭମାନଙ୍କୁ ଘେନିଯିବା; ପୁଣି, ଆମ୍ଭେ ଅଧିକାରାର୍ଥେ ତାହା ତୁମ୍ଭମାନଙ୍କୁ ଦେବା; ଆମ୍ଭେ ସଦାପ୍ରଭୁ ଅଟୁ।
\v 9 ଏଥିଉତ୍ତାରେ ମୋଶା ଇସ୍ରାଏଲ ସନ୍ତାନଗଣକୁ ତଦନୁସାରେ କହିଲେ, ମାତ୍ର ସେମାନେ ମନୋଦୁଃଖ ଓ କଠିନ ଦାସତ୍ୱ ସକାଶୁ ମୋଶାଙ୍କର ବାକ୍ୟରେ ମନୋଯୋଗ କଲେ ନାହିଁ।
\s5
\v 10 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
\v 11 “ତୁମ୍ଭେ ଯାଇ ମିସରର ରାଜା ଫାରୋକୁ କୁହ, ତୁମ୍ଭ ଦେଶରୁ ଇସ୍ରାଏଲ ସନ୍ତାନଗଣକୁ ଯିବାକୁ ଦିଅ।”
\v 12 ତହିଁରେ ମୋଶା ସଦାପ୍ରଭୁଙ୍କ ଛାମୁରେ କହିଲେ, “ଦେଖନ୍ତୁ, ଇସ୍ରାଏଲ ସନ୍ତାନଗଣ ମୋ’ କଥାରେ ମନୋଯୋଗ କରି ନାହାନ୍ତି; ତେବେ ଉତ୍ତମ ବକ୍ତା ଯେ ମୁଁ ନୁହେଁ, ମୋ’ କଥା ଫାରୋ କି ପ୍ରକାରେ ଶୁଣିବେ ?”
\v 13 ଏହିରୂପେ ସଦାପ୍ରଭୁ ମୋଶା ଓ ହାରୋଣଙ୍କ ସହିତ ଆଳାପ କଲେ, ପୁଣି, ଇସ୍ରାଏଲ ସନ୍ତାନଗଣକୁ ମିସର ଦେଶରୁ ବାହାର କରି ଆଣିବା ନିମନ୍ତେ ମିସର ରାଜା ଫାରୋଙ୍କ ନିକଟରେ ଓ ଇସ୍ରାଏଲ ସନ୍ତାନଗଣ ନିକଟରେ ବକ୍ତବ୍ୟ କଥା ସେମାନଙ୍କୁ ଆଜ୍ଞା କଲେ।
\s ମୋଶା ଓ ହାରୋଣଙ୍କ ବଂଶାବଳୀ
\p
\s5
\v 14 ଏହି ସମସ୍ତ ଲୋକ ଆପଣା ଆପଣା ପିତୃବଂଶ ମଧ୍ୟରେ ପ୍ରଧାନ ଥିଲେ। ଇସ୍ରାଏଲଙ୍କର ଜ୍ୟେଷ୍ଠ ପୁତ୍ର ରୁବେ‌ନ୍‌‌ର ସନ୍ତାନ ହନୋକ, ପଲ୍ଲୂ, ହିଷ୍ରୋଣ ଓ କର୍ମି; ଏମାନେ ରୁବେନ୍‌ର ବଂଶ।
\v 15 ପୁଣି, ଶିମୀୟୋନର ପୁତ୍ର ଯିମୂୟେଲ, ଯାମୀନ୍‍, ଓହଦ୍‍, ଯାଖୀନ୍‍, ସୋହର ଓ କିଣାନୀୟା ସ୍ତ୍ରୀର ପୁତ୍ର ଶୌଲ; ଏମାନେ ଶିମୀୟୋନର ବଂଶ ଅଟନ୍ତି।
\s5
\v 16 ବଂଶାବଳୀ ଅନୁସାରେ ଲେବୀର ପୁତ୍ରମାନଙ୍କ ନାମ ଗେର୍ଶୋନ‍, କହାତ ଓ ମରାରି; ଲେବୀର ବୟସ ଶହେ ସଇଁତିରିଶ ବର୍ଷ ଥିଲା।
\v 17 ପୁଣି, ଆପଣା ଆପଣା ବଂଶାନୁସାରେ ଗେର୍ଶୋନ‍ର ସନ୍ତାନ ଲିବ୍‍ନି ଓ ଶିମୀୟି।
\v 18 ପୁଣି, କହାତର ସନ୍ତାନ ଅମ୍ରାମ୍‍, ଯିଷ୍‍ହର, ହିବ୍ରୋଣ ଓ ଉଷୀୟେଲ; ସେହି କହାତର ଶହେ ତେତିଶ ବର୍ଷ ବୟସ ହୋଇଥିଲା।
\v 19 ମରାରିର ସନ୍ତାନ ମହଲି ଓ ମୂଶି; ଏମାନେ ବଂଶାବଳୀ ଅନୁସାରେ ଲେବୀର ବଂଶ ଅଟନ୍ତି।
\s5
\v 20 ପୁଣି, ଅମ୍ରାମ୍‍ ଆପଣା ପିଉସୀ ଯୋକେବଦକୁ ବିବାହ କରନ୍ତେ, ସେ ତାହାର ଔରସରେ ହାରୋଣଙ୍କୁ ଓ ମୋଶାଙ୍କୁ ପ୍ରସବ କଲା; ସେହି ଅମ୍ରାମ୍‍ର ଆୟୁ ଶହେ ସଇଁତିରିଶ ବର୍ଷ ଥିଲା।
\v 21 ଯିଷ୍‍ହରର ସନ୍ତାନ କୋରହ, ନେଫଗ୍‍ ଓ ସିଖ୍ରି।
\v 22 ପୁଣି, ଉଷୀୟେଲର ସନ୍ତାନ ମୀଶାୟେଲ ଓ ଇଲୀଷାଫନ୍‍ ଓ ସିଥ୍ରି।
\s5
\v 23 ପୁଣି, ହାରୋଣ ଅମ୍ମୀନାଦବର କନ୍ୟା ନହଶୋନର ଭଗିନୀ ଇଲୀଶେବାକୁ ବିବାହ କଲେ; ତହିଁରେ ସେ ତାଙ୍କର ଔରସରେ ନାଦବ, ଅବୀହୂ, ଇଲୀୟାସର ଓ ଈଥାମରକୁ ପ୍ରସବ କଲା।
\v 24 ପୁଣି, କୋରହର ସନ୍ତାନ ଅସୀର ଓ ଇଲ୍‍କାନା ଓ ଅବୀୟାସଫ; ଏମାନେ କୋରହର ବଂଶ ଅଟନ୍ତି।
\v 25 ପୁଣି, ହାରୋଣଙ୍କର ପୁତ୍ର ଇଲୀୟାସର ଫୂଟୀୟେଲର ଏକ କନ୍ୟାକୁ ବିବାହ କରନ୍ତେ, ସେ ତାଙ୍କର ଔରସରେ ପୀନହସ୍‍କୁ ପ୍ରସବ କଲା, ଏମାନେ ଲେବୀୟମାନଙ୍କ ବଂଶଭେଦାନୁସାରେ ସେମାନଙ୍କ ପିତୃବଂଶ ମଧ୍ୟରେ ପ୍ରଧାନ ଥିଲେ।
\s5
\v 26 ଏହି ଯେ ହାରୋଣ ଓ ମୋଶା, ଏମାନଙ୍କୁ ସଦାପ୍ରଭୁ କହିଲେ, “ତୁମ୍ଭେମାନେ ସୈନ୍ୟଶ୍ରେଣୀବଦ୍ଧ ଇସ୍ରାଏଲ ସନ୍ତାନଗଣକୁ ମିସର ଦେଶରୁ ବାହାର କରି ଆଣ।”
\v 27 ଏମାନେ ମିସରରୁ ଇସ୍ରାଏଲ ସନ୍ତାନଗଣକୁ ବାହାର କରି ଆଣିବା ପାଇଁ ମିସରର ରାଜା ଫାରୋଙ୍କ ସହିତ କଥାବାର୍ତ୍ତା କରିଥିଲେ। ଏମାନେ ସେହି ମୋଶା ଓ ହାରୋଣ।
\s ମୋଶା ଓ ହାରୋଣଙ୍କୁ ପରମେଶ୍ୱରଙ୍କ ଆଦେଶ
\p
\s5
\v 28 ଯେଉଁଦିନ ସଦାପ୍ରଭୁ ମିସର ଦେଶରେ ମୋଶାଙ୍କ ସହିତ ଆଳାପ କଲେ,
\v 29 ସେହି ଦିନ ସଦାପ୍ରଭୁ ମୋଶାଙ୍କୁ ଏହି କଥା କହିଲେ, “ଆମ୍ଭେ ସଦାପ୍ରଭୁ, ଆମ୍ଭେ ତୁମ୍ଭକୁ ଯାହା ଯାହା କହୁ; ତାହା ସବୁ ମିସ୍ରୀୟ ରାଜା ଫାରୋକୁ କୁହ।”
\v 30 ତହିଁରେ ମୋଶା ସଦାପ୍ରଭୁଙ୍କ ସାକ୍ଷାତରେ କହିଥିଲେ, “ମନ୍ଦ ବକ୍ତା ଯେ ମୁଁ, ମୋ’ କଥା ଫାରୋ କି ପ୍ରକାରେ ଶୁଣିବେ?”
\s5
\c 7
\p
\v 1 ତହୁଁ ସଦାପ୍ରଭୁ ମୋଶାଙ୍କୁ କହିଲେ, “ଦେଖ, ଆମ୍ଭେ ତୁମ୍ଭକୁ ଫାରୋ ନିକଟରେ ପରମେଶ୍ୱର ତୁଲ୍ୟ କରି ନିଯୁକ୍ତ କଲୁ ଓ ତୁମ୍ଭ ଭ୍ରାତା ହାରୋଣ ତୁମ୍ଭର ଭବିଷ୍ୟଦ୍‍ବକ୍ତା ହେବ।
\v 2 ଆମ୍ଭେ ତୁମ୍ଭକୁ ଯାହା ଯାହା ଆଜ୍ଞା କରିବା, ତାହା ସବୁ ତୁମ୍ଭେ କହିବ; ପୁଣି, ତୁମ୍ଭ ଭ୍ରାତା ହାରୋଣ ଇସ୍ରାଏଲ ସନ୍ତାନଗଣକୁ ଆପଣା ଦେଶରୁ ଛାଡ଼ି ଯିବାକୁ ଫାରୋଙ୍କୁ କହିବ।
\s5
\v 3 ଆଉ, ଆମ୍ଭେ ଫାରୋର ହୃଦୟ କଠିନ କରିବା, ପୁଣି, ମିସର ଦେଶରେ ଆମ୍ଭର ଚିହ୍ନ ଓ ଆଶ୍ଚର୍ଯ୍ୟକର୍ମ ବହୁସଂଖ୍ୟକ କରିବା।
\v 4 ତଥାପି ଫାରୋ ତୁମ୍ଭମାନଙ୍କ କଥାରେ ମନୋଯୋଗ କରିବ ନାହିଁ; ଏହେତୁ ଆମ୍ଭେ ମିସର ଦେଶ ଉପରେ ଆପଣା ହସ୍ତ ଥୋଇ ମହାଦଣ୍ଡ ଦ୍ୱାରା ମିସରଠାରୁ ଆପଣା ସୈନ୍ୟସାମନ୍ତ, ଆମ୍ଭର ଲୋକ ଇସ୍ରାଏଲ ସନ୍ତାନଗଣକୁ ବାହାର କରି ଆଣିବା।
\v 5 ପୁଣି, ଆମ୍ଭେ ମିସର ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରି ସେମାନଙ୍କ ମଧ୍ୟରୁ ଇସ୍ରାଏଲ ସନ୍ତାନଗଣକୁ ବାହାର କରି ଆଣିବା ବେଳେ ଆମ୍ଭେ ଯେ ସଦାପ୍ରଭୁ, ତାହା ସେମାନେ ଜାଣିବେ।”
\s5
\v 6 ଏଥିଉତ୍ତାରେ ମୋଶା ଓ ହାରୋଣ ସେହିରୂପ କଲେ; ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସେମାନେ କର୍ମ କଲେ।
\v 7 ଫାରୋଙ୍କ ସଙ୍ଗରେ କଥୋପକଥନ କରିବା ବେଳେ ମୋଶାଙ୍କୁ ଅଶୀ ଓ ହାରୋଣଙ୍କୁ ତେୟାଅଶୀ ବର୍ଷ ବୟସ ହୋଇଥିଲା।
\s ହାରୋଣଙ୍କ ଯଷ୍ଟି
\p
\s5
\v 8 ଆଉ ସଦାପ୍ରଭୁ ମୋଶା ଓ ହାରୋଣଙ୍କୁ କହିଲେ,
\v 9 “ତୁମ୍ଭେମାନେ ଆପଣାମାନଙ୍କ ପାଇଁ କୌଣସି ଚିହ୍ନ ଦେଖାଅ ବୋଲି ଯଦି ଫାରୋ ତୁମ୍ଭମାନଙ୍କୁ କହିବ, ତେବେ ତୁମ୍ଭେ ହାରୋଣକୁ କହିବ, ତୁମ୍ଭର ଯଷ୍ଟି ନେଇ ଫାରୋ ଅଗ୍ରତେ ତଳେ ପକାଅ; ତହିଁରେ ସେହି ଯଷ୍ଟି ସର୍ପ ହେବ।”
\v 10 ତହୁଁ ମୋଶା ଓ ହାରୋଣ ଫାରୋଙ୍କ ନିକଟକୁ ଯାଇ ସଦାପ୍ରଭୁଙ୍କ ଆଜ୍ଞା ପ୍ରମାଣେ କର୍ମ କଲେ; ପୁଣି, ହାରୋଣ, ଫାରୋ ଓ ତାଙ୍କର ଦାସମାନଙ୍କ ସମ୍ମୁଖରେ ଆପଣା ଯଷ୍ଟି ତଳେ ପକାନ୍ତେ, ତାହା ସର୍ପ ହେଲା।
\s5
\v 11 ତେବେ ଫାରୋ ଆପଣା ପଣ୍ଡିତ ଓ ଗୁଣିଆମାନଙ୍କୁ ଡାକିଲେ; ତହିଁରେ ମିସ୍ରୀୟ ମନ୍ତ୍ରଜ୍ଞମାନେ ମଧ୍ୟ ଆପଣାମାନଙ୍କ ମାୟାରେ ସେହିପରି କଲେ।
\v 12 ଅର୍ଥାତ୍‍, ସେମାନେ ପ୍ରତ୍ୟେକେ ଆପଣା ଆପଣା ଯଷ୍ଟି ପକାନ୍ତେ, ସେଗୁଡ଼ିକ ସର୍ପ ହେଲା; ମାତ୍ର ହାରୋଣଙ୍କ ଯଷ୍ଟି ସେମାନଙ୍କର ସମସ୍ତ ଯଷ୍ଟିକୁ ଗ୍ରାସ କଲା।
\v 13 ତହିଁରେ ସଦାପ୍ରଭୁଙ୍କ ବାକ୍ୟାନୁସାରେ ଫାରୋଙ୍କର ହୃଦୟ କଠିନ ହେଲା ଓ ସେ ସେମାନଙ୍କ କଥାରେ ମନୋଯୋଗ କଲେ ନାହିଁ।
\s ପ୍ରଥମ ଦଣ୍ଡ - ରକ୍ତ
\p
\s5
\v 14 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ଫାରୋର ହୃଦୟ କଠିନ ହୋଇଅଛି, ସେ ଲୋକମାନଙ୍କୁ ଯିବାକୁ ଦେବା ପାଇଁ ମନା କରୁଅଛି।”
\v 15 ଏହେତୁ ତୁମ୍ଭେ ପ୍ରଭାତରେ ଫାରୋ ନିକଟକୁ ଯାଅ; ଦେଖ, ସେ ଜଳ ଆଡ଼େ ଗଲେ, ତୁମ୍ଭେ ତାହା ସହିତ ସାକ୍ଷାତ କରିବାକୁ ନୀଳ ନଦୀ ତୀରରେ ଠିଆ ହୁଅ; ଯେଉଁ ଯଷ୍ଟି ସର୍ପ ହୋଇଥିଲା, ତାହା ମଧ୍ୟ ହସ୍ତରେ ନିଅ।
\s5
\v 16 ପୁଣି, ଫାରୋକୁ କୁହ, ଏବ୍ରୀୟମାନଙ୍କ ସଦାପ୍ରଭୁ ପରମେଶ୍ୱର ମୋତେ ତୁମ୍ଭ ନିକଟକୁ ପଠାଇ କହିଲେ, “ତୁମ୍ଭେ ଆମ୍ଭ ଲୋକମାନଙ୍କୁ ପ୍ରାନ୍ତରରେ ସେବା କରିବାକୁ ଛାଡ଼ି ଦିଅ; ମାତ୍ର ଦେଖ, ତୁମ୍ଭେ ଏପର୍ଯ୍ୟନ୍ତ ଏହି କଥାରେ ମନୋଯୋଗ କରି ନାହଁ।”
\v 17 ସଦାପ୍ରଭୁ ଏହି ପ୍ରକାରେ କହୁଅଛନ୍ତି, “ଆମ୍ଭେ ଯେ ସଦାପ୍ରଭୁ, ତାହା ତୁମ୍ଭେ ଏତଦ୍ଦ୍ୱାରା ଜ୍ଞାତ ହେବ; ଦେଖ, ଆମ୍ଭେ ଆପଣା ହସ୍ତସ୍ଥିତ ଏହି ଯଷ୍ଟି ଦ୍ୱାରା ନଦୀର ଜଳ ଉପରେ ପ୍ରହାର କରିବା, ତହିଁରେ ତାହା ରକ୍ତ ହୋଇଯିବ।”
\v 18 ପୁଣି, ନଦୀରେ ଥିବା ମତ୍ସ୍ୟସକଳ ମରିଯିବେ ଓ ନଦୀ ଦୁର୍ଗନ୍ଧ ହେବ; ତହିଁରେ ମିସ୍ରୀୟ ଲୋକମାନେ ନଦୀର ଜଳ ପାନ କରିବାକୁ ଘୃଣା କରିବେ।
\s5
\v 19 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ହାରୋଣକୁ ଏହି କଥା କୁହ, ତୁମ୍ଭେ ଆପଣା ଯଷ୍ଟି ଘେନି ମିସର ଦେଶୀୟ ଜଳ ଉପରେ, ଅର୍ଥାତ୍‍, ତହିଁର ନଦୀ, ନାଳ, ପୁଷ୍କରିଣୀ ଓ ଜଳାଶୟ, ଏସମସ୍ତ ଉପରେ ଆପଣା ହସ୍ତ ବିସ୍ତାର କର, ତହିଁରେ ସମସ୍ତ ଜଳ ରକ୍ତ ହେବ; ପୁଣି, ମିସର ଦେଶର ସର୍ବତ୍ର କାଷ୍ଠ ପାତ୍ର ଓ ପ୍ରସ୍ତର ପାତ୍ରରେ ହେଁ ରକ୍ତ ହେବ।”
\s5
\v 20 ତହୁଁ ମୋଶା ଓ ହାରୋଣ ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସେହି ପ୍ରକାର କଲେ; ସେ ଯଷ୍ଟି ଘେନି ଫାରୋ ଓ ତାଙ୍କର ଦାସମାନଙ୍କ ସମ୍ମୁଖରେ ନଦୀର ଜଳ ଉପରେ ପ୍ରହାର କଲେ; ତହିଁରେ ସମୁଦାୟ ନଦୀର ଜଳ ରକ୍ତ ହୋଇଗଲା।
\v 21 ପୁଣି, ନଦୀର ସମସ୍ତ ମତ୍ସ୍ୟ ମଲେ ଓ ନଦୀ ଦୁର୍ଗନ୍ଧ ହେଲା, ତହିଁରେ ମିସ୍ରୀୟମାନେ ନଦୀର ଜଳ ପାନ କରି ପାରିଲେ ନାହିଁ; ମିସର ଦେଶର ସର୍ବତ୍ର ରକ୍ତ ହେଲା।
\v 22 ସେତେବେଳେ ମିସ୍ରୀୟ ମନ୍ତ୍ରଜ୍ଞମାନେ ହେଁ ଆପଣାମାନଙ୍କ ମାୟାରେ ସେହିପରି କଲେ; ତହିଁରେ ସଦାପ୍ରଭୁଙ୍କ ବାକ୍ୟାନୁସାରେ ଫାରୋଙ୍କର ହୃଦୟ କଠିନ ହେଲା ଓ ସେ ସେମାନଙ୍କ କଥାରେ ମନୋଯୋଗ କଲେ ନାହିଁ।
\s5
\v 23 ଏଥିଉତ୍ତାରେ ଫାରୋ ମୁଖ ଫେରାଇ ଆପଣା ଗୃହକୁ ଗଲେ, ଏଥିରେ ଆପଣା ମନ ଦେଲେ ନାହିଁ।
\v 24 ପୁଣି, ସମସ୍ତ ମିସ୍ରୀୟ ଲୋକେ ନଦୀର ଜଳ ପାନ କରି ନ ପାରିବାରୁ ପିଇବା ଜଳ ନିମନ୍ତେ ନଦୀର ଚାରିଆଡ଼େ ଖୋଳିଲେ।
\v 25 ସଦାପ୍ରଭୁ ନଦୀକୁ ଆଘାତ କଲା ଉତ୍ତାରେ ସାତ ଦିନ ସମ୍ପୂର୍ଣ୍ଣ ହେଲା।
\s5
\c 8
\s ଦ୍ୱିତୀୟ ଦଣ୍ଡ - ବେଙ୍ଗ
\p
\v 1 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଫାରୋ ନିକଟକୁ ଯାଇ ତାହାଙ୍କୁ କୁହ, ସଦାପ୍ରଭୁ ଏହି କଥା କହନ୍ତି, ଆମ୍ଭର ସେବା କରିବା ନିମନ୍ତେ ଆମ୍ଭ ଲୋକମାନଙ୍କୁ ଯିବାକୁ ଦିଅ।
\v 2 କିନ୍ତୁ ଯଦି ତୁମ୍ଭେ ସେମାନଙ୍କୁ ଯିବାକୁ ଦେବା ପାଇଁ ମନା କରିବ, ତେବେ ଦେଖ, ଆମ୍ଭେ ବେଙ୍ଗ ଦ୍ୱାରା ତୁମ୍ଭର ସମସ୍ତ ଦେଶକୁ ଦଣ୍ଡ ଦେବା।
\v 3 ନୀଳ ନଦୀ ବେଙ୍ଗରେ ପରିପୂର୍ଣ୍ଣ ହେବ, ତହିଁରେ ସେସମସ୍ତ ବେଙ୍ଗ ଉଠି ତୁମ୍ଭ ଗୃହରେ, ଶୟନାଗାରରେ, ଶଯ୍ୟାରେ, ତୁମ୍ଭ ଦାସମାନଙ୍କ ଗୃହରେ, ତୁମ୍ଭ ଲୋକମାନଙ୍କ ଉପରେ, ତୁମ୍ଭ ଚୁଲ୍ଲୀରେ ଓ ତୁମ୍ଭ ଅଟା ଦଳିବା ପାତ୍ରରେ ପ୍ରବେଶ କରିବେ;
\v 4 ପୁଣି, ତୁମ୍ଭର ଓ ତୁମ୍ଭ ଲୋକମାନଙ୍କର ଓ ଦାସମାନଙ୍କ ଉପରକୁ ଉଠିବେ।”
\s5
\v 5 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ହାରୋଣକୁ କୁହ, ତୁମ୍ଭେ ନଦୀ, ନାଳ ଓ ପୁଷ୍କରିଣୀ ଉପରେ ଆପଣାର ସଯଷ୍ଟି ହସ୍ତ ବିସ୍ତାର କରି ମିସର ଦେଶ ଉପରେ ବେଙ୍ଗ ଅଣାଅ।”
\v 6 ତହିଁରେ ହାରୋଣ ମିସରର ସମସ୍ତ ଜଳ ଉପରେ ଆପଣା ହସ୍ତ ବିସ୍ତାର କରନ୍ତେ, ବେଙ୍ଗସମୂହ ଉଠି ମିସର ଦେଶରେ ବ୍ୟାପିଗଲେ।
\v 7 ସେତେବେଳେ ମନ୍ତ୍ରଜ୍ଞମାନେ ଆପଣାମାନଙ୍କ ମାୟାରେ ସେପ୍ରକାର କରି ମିସର ଦେଶ ଉପରେ ବେଙ୍ଗ ଆଣିଲେ।
\s5
\v 8 ତହୁଁ ଫାରୋ ମୋଶା ଓ ହାରୋଣଙ୍କୁ ଡକାଇ କହିଲେ, “ଆମ୍ଭଠାରୁ ଓ ଆମ୍ଭ ଲୋକଙ୍କଠାରୁ ଏହିସବୁ ବେଙ୍ଗ ଦୂର କରିବା ପାଇଁ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କର; ତହିଁରେ ଆମ୍ଭେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବଳିଦାନ କରିବା ନିମନ୍ତେ ଲୋକମାନଙ୍କୁ ଯିବାକୁ ଦେବା।”
\v 9 ତେବେ ମୋଶା ଫାରୋଙ୍କୁ କହିଲେ, “ମୋ’ ଉପରେ ଦର୍ପ କର; ବେଙ୍ଗ ସବୁ ଯେପରି ଆପଣଙ୍କଠାରୁ ଓ ଆପଣଙ୍କ ଗୃହରୁ ଉଚ୍ଛିନ୍ନ ହୋଇ କେବଳ ନଦୀରେ ରହନ୍ତି, ଆପଣଙ୍କ ଓ ଆପଣଙ୍କ ଦାସମାନଙ୍କ ଓ ଲୋକସମସ୍ତଙ୍କ ନିମନ୍ତେ ସଦାପ୍ରଭୁଙ୍କ ଛାମୁରେ କେବେ ଏହି ପ୍ରାର୍ଥନା କରିବି?”
\s5
\v 10 ସେ କହିଲେ, “ଆସନ୍ତାକାଲି କର।” ସେତେବେଳେ ମୋଶା କହିଲେ, ଆମ୍ଭମାନଙ୍କ ସଦାପ୍ରଭୁ ପରମେଶ୍ୱରଙ୍କ ତୁଲ୍ୟ କେହି ନାହାନ୍ତି, ଏହା ଯେପରି ଆପଣ ଜ୍ଞାତ ହୁଅନ୍ତି, ଏଥିପାଇଁ ଆପଣଙ୍କ ବାକ୍ୟାନୁସାରେ ହେଉ।
\v 11 ବେଙ୍ଗମାନେ ଆପଣଙ୍କଠାରୁ ଓ ଆପଣଙ୍କ ଗୃହ, ଦାସ ଓ ସମସ୍ତ ଲୋକଙ୍କଠାରୁ ଦୂର ହୋଇ କେବଳ ନଦୀରେ ରହିବେ।
\v 12 ଏଥିଉତ୍ତାରେ ମୋଶା ଓ ହାରୋଣ ଫାରୋଙ୍କ ନିକଟରୁ ବାହାରକୁ ଗଲେ; ପୁଣି, ମୋଶା ଫାରୋଙ୍କ ବିରୁଦ୍ଧରେ ଆନୀତ ବେଙ୍ଗ ବିଷୟରେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କଲେ।
\s5
\v 13 ତହିଁରେ ସଦାପ୍ରଭୁ ମୋଶାଙ୍କ ବାକ୍ୟାନୁସାରେ କରନ୍ତେ, ଗୃହରେ, ପ୍ରାଙ୍ଗଣରେ ଓ କ୍ଷେତ୍ରରେ ସମସ୍ତ ବେଙ୍ଗ ମଲେ।
\v 14 ତହୁଁ ଲୋକମାନେ ସେସବୁକୁ ଏକତ୍ର କରି ଗଦା କରନ୍ତେ, ଦେଶ ଦୁର୍ଗନ୍ଧମୟ ହେଲା।
\v 15 ମାତ୍ର ଫାରୋ ବିପଦର ନିବୃତ୍ତି ଦେଖି ସଦାପ୍ରଭୁଙ୍କ ବାକ୍ୟ ପ୍ରମାଣେ ଆପଣା ହୃଦୟ କଠିନ କଲେ ଓ ସେମାନଙ୍କ ବାକ୍ୟରେ ମନୋଯୋଗ କଲେ ନାହିଁ।
\s ତୃତୀୟ ଦଣ୍ଡ-ଉକୁଣିଆ ପୋକ
\p
\s5
\v 16 ତହୁଁ ସଦାପ୍ରଭୁ ମୋଶାଙ୍କୁ କହିଲେ, “ହାରୋଣକୁ କୁହ, ସମସ୍ତ ମିସର ଦେଶରେ ଯେପରି ଉକୁଣିଆ ପୋକ ହୁଅଇ, ଏଥିପାଇଁ ତୁମ୍ଭେ ଆପଣା ଯଷ୍ଟି ଉଠାଇ ଭୂମିର ଧୂଳିରେ ପ୍ରହାର କର।”
\v 17 ତହିଁରେ ସେମାନେ ସେପ୍ରକାର କଲେ; ହାରୋଣ ସଯଷ୍ଟି ହସ୍ତ ବିସ୍ତାର କରି ଭୂମିର ଧୂଳିରେ ପ୍ରହାର କରନ୍ତେ, ମନୁଷ୍ୟ ଓ ପଶୁମାନଙ୍କଠାରେ ଉକୁଣିଆ ପୋକ ହେଲା; ପୁଣି, ମିସର ଦେଶର ଭୂମିସ୍ଥ ସମସ୍ତ ଧୂଳି ଉକୁଣିଆ ପୋକ ହେଲା।
\s5
\v 18 ସେତେବେଳେ ମନ୍ତ୍ରଜ୍ଞମାନେ ଆପଣା ଆପଣା ମାୟାରେ ସେପ୍ରକାର ଉକୁଣିଆ ପୋକ ଉତ୍ପନ୍ନ କରିବାକୁ ଚେଷ୍ଟା କଲେ, ମାତ୍ର ପାରିଲେ ନାହିଁ; ତହିଁରେ ମନୁଷ୍ୟ ଓ ପଶୁମାନଙ୍କ ଉପରେ ଉକୁଣିଆ ପୋକ ହେଲା।
\v 19 ତେବେ ମନ୍ତ୍ରଜ୍ଞମାନେ ଫାରୋଙ୍କୁ କହିଲେ, “ଏ ତ ପରମେଶ୍ୱରଙ୍କ ଅଙ୍ଗୁଳିକୃତ କର୍ମ,” ତଥାପି ସଦାପ୍ରଭୁଙ୍କ ବାକ୍ୟାନୁସାରେ ଫାରୋଙ୍କର ହୃଦୟ କଠିନ ହେଲା, ପୁଣି, ସେ ସେମାନଙ୍କ ବାକ୍ୟରେ ମନୋଯୋଗ କଲେ ନାହିଁ।
\s ଚତୁର୍ଥ ଦଣ୍ଡ-ଦଂଶକାଦି ଝିଙ୍କ
\p
\s5
\v 20 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ପ୍ରଭାତରେ ଉଠି ଫାରୋ ସମ୍ମୁଖରେ ଠିଆ ହୁଅ; ଦେଖ, ସେ ଜଳ ନିକଟକୁ ଆସିଲେ, ତୁମ୍ଭେ ତାହାଙ୍କୁ ଏହି କଥା କହିବ, ସଦାପ୍ରଭୁ କହନ୍ତି, ଆମ୍ଭର ସେବା କରିବାକୁ ଆମ୍ଭ ଲୋକମାନଙ୍କୁ ଯିବାକୁ ଦିଅ।
\v 21 ପୁଣି, ଯଦି ଆମ୍ଭ ଲୋକମାନଙ୍କୁ ଯିବାକୁ ନ ଦେବ, ଯଦି ଆମ୍ଭେ ତୁମ୍ଭ ଉପରେ ଓ ତୁମ୍ଭ ଦାସମାନଙ୍କ ଉପରେ ଓ ତୁମ୍ଭ ଲୋକମାନଙ୍କ ଉପରେ ଓ ତୁମ୍ଭ ଗୃହ ଭିତରେ ଏପରି ଦଂଶକାଦିର ଝିଙ୍କ ପଠାଇବା ଯେ, ତଦ୍ଦ୍ୱାରା ମିସ୍ରୀୟମାନଙ୍କ ଗୃହ ଓ ବାସଭୂମି ପରିପୂର୍ଣ୍ଣ ହେବ।
\s5
\v 22 ପୁଣି, ପୃଥିବୀ ମଧ୍ୟରେ କେବଳ ଆମ୍ଭେ ସଦାପ୍ରଭୁ ଅଟୁ, ଏହା ତୁମ୍ଭକୁ ଜଣାଇବା ନିମନ୍ତେ ସେହି ଦିନ ଆମ୍ଭ ଲୋକମାନଙ୍କ ନିବାସ ସ୍ଥାନ ଗୋଶନ ପ୍ରଦେଶ ଭିନ୍ନ କରିବା; ସେଠାରେ ଦଂଶକାଦିର ଝିଙ୍କ ହେବ ନାହିଁ।”
\v 23 ଆମ୍ଭେ ଆପଣା ଲୋକମାନଙ୍କ ଓ ତୁମ୍ଭ ଲୋକମାନଙ୍କ ମଧ୍ୟରେ ପ୍ରଭେଦ
\f +
\fr 8:23
\ft ଏବ୍ରୀୟ ଶବ୍ଦ ମୁକ୍ତ
\f* କରିବା; ଆସନ୍ତାକାଲି ଏହି ଚିହ୍ନ ହେବ।
\v 24 ଏଥିଉତ୍ତାରେ ସଦାପ୍ରଭୁ ସେହି ପ୍ରକାର କଲେ; ତହିଁରେ ଫାରୋଙ୍କର ଓ ତାଙ୍କ ଦାସମାନଙ୍କ ଗୃହରେ ଦଂଶକାଦିର ବୃହତ୍‍ ଝିଙ୍କ ଉପସ୍ଥିତ ହେଲା; ପୁଣି, ସମୁଦାୟ ମିସର ଦେଶ ଦଂଶକାଦି ସକାଶୁ ନଷ୍ଟ ହେଲା।
\s5
\v 25 ସେତେବେଳେ ଫାରୋ ମୋଶା ଓ ହାରୋଣଙ୍କୁ ଡକାଇ କହିଲେ, “ତୁମ୍ଭେମାନେ ଯାଇ ଦେଶ ମଧ୍ୟରେ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ବଳିଦାନ କର।”
\v 26 ତହିଁରେ ମୋଶା କହିଲେ, “ତାହା କରିବା ଉପଯୁକ୍ତ ନୁହେଁ; କାରଣ ତାହା କଲେ, ଆମ୍ଭମାନଙ୍କ ସଦାପ୍ରଭୁ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ମିସ୍ରୀୟମାନଙ୍କର ଘୃଣାଜନକ ବଳିଦାନ କରିବାକୁ ହେବ; ଦେଖ, ମିସ୍ରୀୟମାନଙ୍କ ଚକ୍ଷୁଗୋଚରରେ ସେମାନଙ୍କର ଘୃଣାଜନକ ବଳିଦାନ କଲେ, ସେମାନେ କି ଆମ୍ଭମାନଙ୍କୁ ପଥର ପକାଇ ମାରିବେ ନାହିଁ ?
\v 27 ଏଣୁକରି ଆମ୍ଭେମାନେ ତିନି ଦିନର ବାଟ ପ୍ରାନ୍ତରକୁ ଯାଇ ଆମ୍ଭମାନଙ୍କ ସଦାପ୍ରଭୁ ପରମେଶ୍ୱର ଯେଉଁ ଆଜ୍ଞା ଦେବେ, ତଦନୁସାରେ ତାହାଙ୍କ ଉଦ୍ଦେଶ୍ୟରେ ବଳିଦାନ କରିବା।”
\s5
\v 28 ତହୁଁ ଫାରୋ କହିଲେ, “ଆମ୍ଭେ ତୁମ୍ଭମାନଙ୍କୁ ଯିବାକୁ ଦେବା, ତୁମ୍ଭେମାନେ ପ୍ରାନ୍ତରକୁ ଯାଇ ଆପଣା ସଦାପ୍ରଭୁ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ବଳିଦାନ କର; ମାତ୍ର ବହୁ ଦୂରକୁ ଯାଅ ନାହିଁ, ପୁଣି, ଆମ୍ଭ ନିମନ୍ତେ ପ୍ରାର୍ଥନା କର।”
\v 29 ଏଥିଉତ୍ତାରେ ମୋଶା କହିଲେ, “ଦେଖ, ମୁଁ ଆପଣଙ୍କ ନିକଟରୁ ଯାଇ ସଦାପ୍ରଭୁଙ୍କ ଛାମୁରେ ପ୍ରାର୍ଥନା କରିବି, ତହିଁରେ ଆପଣଙ୍କର, ଆପଣଙ୍କ ଦାସମାନଙ୍କ ଓ ଆପଣଙ୍କ ଲୋକମାନଙ୍କ ନିକଟରୁ ଆସନ୍ତାକାଲି ସମସ୍ତ ଦଂଶକ ଝିଙ୍କ ଦୂର ହୋଇଯିବେ; ମାତ୍ର ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବଳିଦାନ କରିବା ପାଇଁ ଲୋକମାନଙ୍କୁ ଯିବାକୁ ଦେବା ବିଷୟରେ ଫାରୋ ପୁନର୍ବାର ପ୍ରବଞ୍ଚନା କରିବେ ନାହିଁ।”
\s5
\v 30 ତହୁଁ ମୋଶା ଫାରୋଙ୍କ ନିକଟରୁ ବାହାରକୁ ଯାଇ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କଲେ।
\v 31 ତହିଁରେ ସଦାପ୍ରଭୁ ମୋଶାଙ୍କ ପ୍ରାର୍ଥନାନୁସାରେ ଫାରୋଙ୍କଠାରୁ, ତାଙ୍କ ଦାସଗଣ ଓ ଲୋକ ସମସ୍ତଙ୍କଠାରୁ ସମସ୍ତ ଦଂଶକାଦି ଝିଙ୍କ ଦୂର କଲେ; ଗୋଟିଏ ଅବଶିଷ୍ଟ ରହିଲା ନାହିଁ।
\v 32 ଏଥର ମଧ୍ୟ ଫାରୋ ଆପଣା ହୃଦୟ କଠିନ କଲେ ଓ ଲୋକମାନଙ୍କୁ ଯିବାକୁ ଦେଲେ ନାହିଁ।
\s5
\c 9
\s ପଞ୍ଚମ ଦଣ୍ଡ-ପଶୁ ମଡ଼କ
\p
\v 1 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଫାରୋ ନିକଟକୁ ଯାଇ ତାହାଙ୍କୁ କୁହ, ଏବ୍ରୀୟମାନଙ୍କ ସଦାପ୍ରଭୁ ପରମେଶ୍ୱର ଏହି କଥା କହନ୍ତି, ଆମ୍ଭର ସେବା କରିବା ପାଇଁ ତୁମ୍ଭେ ଆମ୍ଭ ଲୋକମାନଙ୍କୁ ଯିବାକୁ ଦିଅ।”
\v 2 ମାତ୍ର ଯଦି ସେମାନଙ୍କୁ ଯିବାକୁ ପାଇଁ ନାସ୍ତି କରି ଏବେ ମଧ୍ୟ ବାଧା ଦେବ,
\v 3 ତେବେ ଦେଖ, ତୁମ୍ଭ କ୍ଷେତ୍ରସ୍ଥିତ ଘୋଡା, ଗର୍ଦ୍ଦଭ, ଓଟ, ଗୋରୁ ଓ ମେଷାଦି ପଶୁଗଣ ଉପରେ ସଦାପ୍ରଭୁଙ୍କ ହସ୍ତ ଅଛି; ଏଣୁ ଅତିଶୟ ମହାମାରୀ ହେବ।
\v 4 ମାତ୍ର ସଦାପ୍ରଭୁ ଇସ୍ରାଏଲୀୟମାନଙ୍କ ଓ ମିସ୍ରୀୟମାନଙ୍କ ପଶୁଗଣ ମଧ୍ୟରେ ପ୍ରଭେଦ କରିବେ; ତହିଁରେ ଇସ୍ରାଏଲ ସନ୍ତାନମାନଙ୍କର କୌଣସି ପଶୁ ମରିବ ନାହିଁ।
\s5
\v 5 ସଦାପ୍ରଭୁ ସମୟ ନିରୂପଣ କରି କହନ୍ତି, ଆସନ୍ତାକାଲି ସଦାପ୍ରଭୁ ଏ ଦେଶରେ ଏହି କର୍ମ କରିବେ।
\v 6 ଆର ଦିନ ସଦାପ୍ରଭୁ ସେହି କର୍ମ କଲେ, ତହିଁରେ ମିସ୍ରୀୟମାନଙ୍କ ସମସ୍ତ ପଶୁ ମଲେ; ମାତ୍ର ଇସ୍ରାଏଲ ସନ୍ତାନମାନଙ୍କ ପଶୁଗଣ ମଧ୍ୟରୁ ଗୋଟିଏ ହେଁ ମଲା ନାହିଁ।
\v 7 ତହୁଁ ଫାରୋ ଲୋକ ପଠାଇ ଇସ୍ରାଏଲୀୟମାନଙ୍କର ଗୋଟିଏ ମାତ୍ର ପଶୁ ମରି ନ ଥିବାର ଦେଖିଲେ। ତଥାପି ଫାରୋଙ୍କ ହୃଦୟ କଠିନ ହେଲା ଓ ସେ ଲୋକମାନଙ୍କୁ ଯିବାକୁ ଦେଲେ ନାହିଁ।
\s ଷଷ୍ଠ ଦଣ୍ଡ-ଦାହଯୁକ୍ତ ବଥ
\p
\s5
\v 8 ଆଉ ସଦାପ୍ରଭୁ ମୋଶା ଓ ହାରୋଣଙ୍କୁ କହିଲେ, “ତୁମ୍ଭେମାନେ ମୁଷ୍ଟି ପୂର୍ଣ୍ଣ କରି ଭାଟୀର ଭସ୍ମ ନିଅ, ପୁଣି, ମୋଶା ଫାରୋଙ୍କ ସାକ୍ଷାତରେ ତାହା ଆକାଶ ଆଡ଼କୁ ବିଞ୍ଚି ଦେଉ।
\v 9 ତହିଁରେ ତାହା ସମୁଦାୟ ମିସର ଦେଶ ଉପରେ ସୂକ୍ଷ୍ମ ଧୂଳି ହୋଇ ମିସ୍ରୀୟ ସମସ୍ତ ମନୁଷ୍ୟ ଓ ପଶୁମାନଙ୍କ ଶରୀରରେ ଦାହଯୁକ୍ତ ବଥ ଜନ୍ମାଇବ।”
\v 10 ତହୁଁ ସେମାନେ ଭାଟୀର ଭସ୍ମ ନେଇ ଫାରୋ ଆଗରେ ଠିଆ ହେଲେ; ପୁଣି, ମୋଶା ଆକାଶ ଆଡ଼େ ତାହା ବିଞ୍ଚି ଦିଅନ୍ତେ, ସମସ୍ତ ମନୁଷ୍ୟ ଓ ପଶୁମାନଙ୍କ ଶରୀରରେ ଦାହଯୁକ୍ତ ବଥ ହେଲା।
\s5
\v 11 ସେହି ବଥ ସକାଶୁ ମନ୍ତ୍ରଜ୍ଞମାନେ ମୋଶାଙ୍କ ସାକ୍ଷାତରେ ଠିଆ ହୋଇ ପାରିଲେ ନାହିଁ; କାରଣ ମନ୍ତ୍ରଜ୍ଞମାନଙ୍କ ଓ ସମସ୍ତ ମିସ୍ରୀୟମାନଙ୍କ ଶରୀରରେ ବଥ ଜାତ ହେଲା।
\v 12 ଏଥିଉତ୍ତାରେ ସଦାପ୍ରଭୁ ଫାରୋଙ୍କର ହୃଦୟ କଠିନ କଲେ, ତହିଁରେ ସେ ମୋଶାଙ୍କ ପ୍ରତି ଉକ୍ତ ସଦାପ୍ରଭୁଙ୍କ ବାକ୍ୟ ପ୍ରମାଣେ ସେମାନଙ୍କ କଥାରେ ମନୋଯୋଗ କଲେ ନାହିଁ।
\s ସପ୍ତମ ଦଣ୍ଡ-ଶିଳା ବୃଷ୍ଟି
\p
\s5
\v 13 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ପ୍ରଭାତରେ ଉଠି ଫାରୋ ସମ୍ମୁଖରେ ଠିଆ ହୋଇ ତାହାଙ୍କୁ ଏହି କଥା କୁହ, ଏବ୍ରୀୟମାନଙ୍କ ସଦାପ୍ରଭୁ ପରମେଶ୍ୱର କହନ୍ତି, ଆମ୍ଭର ସେବା କରିବାକୁ ଆମ୍ଭ ଲୋକମାନଙ୍କୁ ଯିବାକୁ ଦିଅ;
\v 14 ନୋହିଲେ ଏହିଥର ଆମ୍ଭେ ତୁମ୍ଭ ହୃଦୟ ବିରୁଦ୍ଧରେ, ପୁଣି, ତୁମ୍ଭ ଦାସଗଣ ଓ ଲୋକମାନଙ୍କ ମଧ୍ୟରେ ଆମ୍ଭର ସର୍ବପ୍ରକାର ମହାମାରୀ ପଠାଇବା; ତହିଁରେ ସମୁଦାୟ ପୃଥିବୀରେ ଆମ୍ଭ ତୁଲ୍ୟ କେହି ନାହାନ୍ତି, ଏହା ତୁମ୍ଭେ ଜ୍ଞାତ ହେବ।
\s5
\v 15 କାରଣ ବର୍ତ୍ତମାନ ସୁଦ୍ଧା ଆମ୍ଭେ ଆପଣା ହସ୍ତ ବିସ୍ତାର କରି ମହାମାରୀ ଦ୍ୱାରା ତୁମ୍ଭକୁ ଓ ତୁମ୍ଭ ଲୋକମାନଙ୍କୁ ସଂହାର କରନ୍ତୁଣି, ପୁଣି, ତୁମ୍ଭେ ପୃଥିବୀରୁ ଉଚ୍ଛିନ୍ନ ହୋଇ ସାରନ୍ତଣି;
\v 16 ମାତ୍ର ତୁମ୍ଭକୁ ଆପଣା ପରାକ୍ରମ ଦେଖାଇବାକୁ ଓ ସମୁଦାୟ ପୃଥିବୀରେ ଯେପରି ଆମ୍ଭର ନାମ କୀର୍ତ୍ତିତ ହେବ, ପ୍ରକୃତରେ ଏଥିପାଇଁ ଆମ୍ଭେ ତୁମ୍ଭକୁ ସ୍ଥାପନ କରି ରଖିଅଛୁ।
\v 17 ତଥାପି ତୁମ୍ଭେ ଆମ୍ଭ ଲୋକମାନଙ୍କୁ ଯିବାକୁ ନ ଦେଇ ସେମାନଙ୍କ ଉପରେ ଦର୍ପ କରୁଅଛ ?
\s5
\v 18 ଦେଖ, ଆମ୍ଭେ ଆସନ୍ତାକାଲି ଏପରି ସମୟରେ ମିସର ଦେଶରେ ଏପରି ଭାରୀ ଶିଳା ବୃଷ୍ଟି କରିବା ଯେ, ମିସରର ପତ୍ତନାବଧି ଆଜିଯାଏ ସେପରି କେବେ ହୋଇ ନାହିଁ।
\v 19 ଏନିମନ୍ତେ ଏବେ ଲୋକ ପଠାଇ କ୍ଷେତ୍ରରେ ତୁମ୍ଭର ପଶ୍ୱାଦି ଯାହା ଯାହା ଅଛି, ତାହାସବୁ ଶୀଘ୍ର ଅଣାଅ, କାରଣ ଯେଉଁ ମନୁଷ୍ୟ କି ପଶୁ କ୍ଷେତ୍ରରେ ରହିବେ, ଗୃହକୁ ଅଣା ନ ଯିବେ, ସେମାନଙ୍କ ଉପରେ ଶିଳା ବୃଷ୍ଟି ହେଲେ ସେମାନେ ମରିବେ।”
\s5
\v 20 ସେତେବେଳେ ଫାରୋଙ୍କର ଦାସମାନଙ୍କ ମଧ୍ୟରୁ ଯେଉଁ ବ୍ୟକ୍ତି ସଦାପ୍ରଭୁଙ୍କ ବାକ୍ୟରେ ଭୀତ ହେଲା, ସେ ଶୀଘ୍ର ଆପଣା ଦାସ ଓ ପଶୁମାନଙ୍କୁ ଗୃହକୁ ଆଣିଲା।
\v 21 ମାତ୍ର ଯେ ସଦାପ୍ରଭୁଙ୍କ ବାକ୍ୟରେ ମନୋଯୋଗ ନ କଲା, ସେ ଆପଣା ଦାସ ଓ ପଶୁମାନଙ୍କୁ କ୍ଷେତ୍ରରେ ତ୍ୟାଗ କଲା।
\s5
\v 22 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଆକାଶ ଆଡ଼େ ଆପଣା ହସ୍ତ ବିସ୍ତାର କର, ତହିଁରେ ମିସ୍ରୀୟ ସମସ୍ତ ମନୁଷ୍ୟ, ପଶୁ ଓ କ୍ଷେତ୍ରସ୍ଥ ତୃଣାଦି ସମସ୍ତ ଉପରେ ଶିଳା ବୃଷ୍ଟି ହେବ।”
\v 23 ତହୁଁ ମୋଶା ଆପଣା ଯଷ୍ଟି ଆକାଶ ଆଡ଼େ ବିସ୍ତାର କରନ୍ତେ, ସଦାପ୍ରଭୁ ମେଘ ଗର୍ଜ୍ଜନ ଓ ଶିଳା ବୃଷ୍ଟି କଲେ; ପୁଣି, ବିଜୁଳି ଭୂମି ଆଡ଼େ ବେଗେ ଗମନ କଲା; ଏହିରୂପେ ସଦାପ୍ରଭୁ ମିସର ଦେଶରେ ଶିଳା ବୃଷ୍ଟି କଲେ।
\v 24 ତହିଁରେ ଶିଳା ବୃଷ୍ଟି ହେଲା ଓ ଶିଳା ସଙ୍ଗେ ସଙ୍ଗେ ବିଜୁଳି ଚମକିଲା; ଏପ୍ରକାର ଅତି ଦୁଃସହ ଶିଳାବୃଷ୍ଟି ମିସର ଦେଶରେ ରାଜ୍ୟସ୍ଥାପନାବଧି କେବେ ହୋଇ ନ ଥିଲା।
\s5
\v 25 ତହିଁରେ ସମୁଦାୟ ମିସର ଦେଶର କ୍ଷେତ୍ରସ୍ଥ ମନୁଷ୍ୟ ଓ ପଶୁ ସମସ୍ତେ ଶିଳା ଦ୍ୱାରା ହତ ହେଲେ ଓ କ୍ଷେତ୍ରସ୍ଥ ସକଳ ତୃଣ ଶିଳା ବୃଷ୍ଟିରେ ନଷ୍ଟ ହେଲା, କ୍ଷେତ୍ରସ୍ଥ ସବୁ ବୃକ୍ଷ ଭାଙ୍ଗିଗଲା।
\v 26 କେବଳ ଇସ୍ରାଏଲ ସନ୍ତାନଗଣର ବାସସ୍ଥାନ ଗୋଶନ ପ୍ରଦେଶରେ ଶିଳାବୃଷ୍ଟି ହେଲା ନାହିଁ।
\s5
\v 27 ଏଥିଉତ୍ତାରେ ଫାରୋ ଲୋକ ପଠାଇ ମୋଶା ଓ ହାରୋଣଙ୍କୁ ଡକାଇ କହିଲେ, ଏହି ଥର ମୁଁ ପାପ କରିଅଛି; ସଦାପ୍ରଭୁ ଧାର୍ମିକ, ମାତ୍ର ଆମ୍ଭେ ଓ ଆମ୍ଭ ଲୋକମାନେ ଦୋଷୀ ଅଟୁ।
\v 28 ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କର; କାରଣ ପରମେଶ୍ୱରକୃତ ଗର୍ଜ୍ଜନ ଓ ଶିଳା ବୃଷ୍ଟି ଯଥେଷ୍ଟ ହୋଇଅଛି; ଆମ୍ଭେ ତୁମ୍ଭମାନଙ୍କୁ ଯିବାକୁ ଦେବା, ତୁମ୍ଭମାନଙ୍କର ଆଉ ବିଳମ୍ବ ହେବ ନାହିଁ।
\s5
\v 29 ସେତେବେଳେ ମୋଶା ତାଙ୍କୁ କହିଲେ, “ମୁଁ ନଗରରୁ ବାହାର ହୋଇ ଗଲା କ୍ଷଣେ ସଦାପ୍ରଭୁଙ୍କ ନିକଟରେ ଆପଣ ହସ୍ତ ବିସ୍ତାର କରିବି, ତହିଁରେ ମେଘ ଗର୍ଜ୍ଜନ ନିବୃତ୍ତ ହେବ ଓ ଶିଳା ବୃଷ୍ଟି ଆଉ ହେବ ନାହିଁ; ପୁଣି, ଏହି ପୃଥିବୀ ଯେ ସଦାପ୍ରଭୁଙ୍କର, ତାହା ଆପଣ ଜାଣି ପାରିବେ।
\v 30 ମାତ୍ର ମୁଁ ଜାଣେ, ଆପଣ ଓ ଆପଣଙ୍କ ଦାସଗଣ ଆଜି ପର୍ଯ୍ୟନ୍ତ ସଦାପ୍ରଭୁ ପରମେଶ୍ୱରଙ୍କୁ ଭୟ କରୁ ନାହାନ୍ତି।”
\s5
\v 31 ସେ ସମୟରେ ଫେସି ଓ ଯବ ସବୁ ନଷ୍ଟ ହେଲା, କାରଣ ଯବ ଶିଷାଯୁକ୍ତ ଓ ଫେସି ପୁଷ୍ପିତ ଥିଲା।
\v 32 ମାତ୍ର ଗହମ ଓ ଜହ୍ନା ବଡ଼ ହୋଇ ନ ଥିବାରୁ ନଷ୍ଟ ହେଲା ନାହିଁ।
\v 33 ଏଥିଉତ୍ତାରେ ମୋଶା ଫାରୋଙ୍କ ନିକଟରୁ ନଗରର ବାହାରକୁ ଯାଇ ସଦାପ୍ରଭୁଙ୍କ ଛାମୁରେ ଆପଣା ହସ୍ତ ବିସ୍ତାର କରନ୍ତେ, ମେଘଗର୍ଜ୍ଜନ ଓ ଶିଳା ବୃଷ୍ଟି ନିବୃତ୍ତ ହେଲା, ଭୂମିରେ ଆଉ ଜଳ ବୃଷ୍ଟି ହେଲା ନାହିଁ।
\s5
\v 34 ସେତେବେଳେ ବୃଷ୍ଟି ଓ ଶିଳାପାତ ଓ ମେଘ ଗର୍ଜ୍ଜନ ନିବୃତ୍ତ ହେବାର ଦେଖି ଫାରୋ ଆହୁରି ପାପ କଲେ, ପୁଣି, ସେ ଓ ତାଙ୍କ ଦାସମାନେ ଆପଣା ଆପଣା ମନ କଠିନ କଲେ।
\v 35 ତହିଁରେ ଫାରୋଙ୍କର ହୃଦୟ କଠିନ ହେଲା; ଏଣୁ ମୋଶାଙ୍କ ଦ୍ୱାରା କଥିତ ସଦାପ୍ରଭୁଙ୍କ ବାକ୍ୟାନୁସାରେ ସେ ଇସ୍ରାଏଲ ସନ୍ତାନଗଣଙ୍କୁ ଯିବାକୁ ଦେଲେ ନାହିଁ।
\s5
\c 10
\s ଅଷ୍ଟମ ଦଣ୍ଡ-ପଙ୍ଗପାଳ
\p
\v 1 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଫାରୋ ନିକଟକୁ ଯାଅ; କାରଣ ଆମ୍ଭେ ଯେପରି ଲୋକମାନଙ୍କ ମଧ୍ୟରେ ଏହି ସକଳ ଚିହ୍ନ ଦର୍ଶାଇବା,
\v 2 ପୁଣି, ଆମ୍ଭେ ମିସ୍ରୀୟମାନଙ୍କ ପ୍ରତି ଯାହା ଯାହା କରିଅଛୁ ଓ ସେମାନଙ୍କ ମଧ୍ୟରେ ଆପଣାର ଚିହ୍ନ ସ୍ୱରୂପେ ଯେଉଁ ଯେଉଁ କର୍ମ କରିଅଛୁ, ସେସବୁର ବୃତ୍ତାନ୍ତ ତୁମ୍ଭେ ଯେପରି ଆପଣା ପୁତ୍ର ଓ ପୌତ୍ରର କର୍ଣ୍ଣଗୋଚରରେ କହିବ, ପୁଣି, ଆମ୍ଭେ ଯେ ସଦାପ୍ରଭୁ ଏହା ଜ୍ଞାତ ହେବ, ଏନିମନ୍ତେ ଆମ୍ଭେ ଫାରୋ ଓ ତାହାର ଦାସଗଣର ହୃଦୟ କଠିନ କଲୁ।”
\s5
\v 3 ସେତେବେଳେ ମୋଶା ଓ ହାରୋଣ ଫାରୋଙ୍କ ନିକଟକୁ ଯାଇ କହିଲେ, “ଏବ୍ରୀୟମାନଙ୍କ ସଦାପ୍ରଭୁ ପରମେଶ୍ୱର କହନ୍ତି, ତୁମ୍ଭେ ଆମ୍ଭ ସାକ୍ଷାତରେ ନମ୍ର ହେବାକୁ କେତେ କାଳ ନାସ୍ତି କରିବ ? ଆମ୍ଭର ସେବା କରିବା ନିମନ୍ତେ ଆମ୍ଭ ଲୋକମାନଙ୍କୁ ଯିବାକୁ ଦିଅ।
\v 4 ମାତ୍ର ଯଦି ମୋହର ଲୋକମାନଙ୍କୁ ଯିବାକୁ ଦେବା ପାଇଁ ମନା କର, ତେବେ ଦେଖ, ଆମ୍ଭେ ଆସନ୍ତାକାଲି ତୁମ୍ଭ ଅଞ୍ଚଳକୁ ପଙ୍ଗପାଳ ଆଣିବା।
\s5
\v 5 ସେମାନେ ଭୂମିର ମୁଖ ଏପରି ଆଚ୍ଛନ୍ନ କରିବେ ଯେ, କେହି ତାହା ଦେଖି ପାରିବ ନାହିଁ; ପୁଣି, ଶିଳା ବୃଷ୍ଟିରୁ ରକ୍ଷିତ ଓ ଅବଶିଷ୍ଟ ଯାହା କିଛି ତୁମ୍ଭମାନଙ୍କର ଅଛି, ତାହା ସେମାନେ ଖାଇବେ, ପୁଣି, ତୁମ୍ଭମାନଙ୍କର କ୍ଷେତ୍ରୋତ୍ପନ୍ନ ସମସ୍ତ ବୃକ୍ଷ ଖାଇବେ।
\v 6 ପୁଣି, ସେମାନଙ୍କ ଦ୍ୱାରା ତୁମ୍ଭର ଗୃହ, ତୁମ୍ଭ ଦାସଗଣର ଗୃହ ଓ ସକଳ ମିସ୍ରୀୟ ଲୋକଙ୍କ ଗୃହ ପରିପୂର୍ଣ୍ଣ ହେବ; ଏ ଦେଶରେ ତୁମ୍ଭ ପୂର୍ବପୁରୁଷମାନଙ୍କ ଓ ସେମାନଙ୍କ ପୂର୍ବପୁରୁଷମାନଙ୍କ ଜନ୍ମାବଧି ଆଜି ପର୍ଯ୍ୟନ୍ତ କେବେ ଏପରି ଦେଖାଯାଇ ନାହିଁ।” ତହୁଁ ମୋଶା ମୁଖ ଫେରାଇ ଫାରୋଙ୍କ ନିକଟରୁ ବାହାରି ଗଲେ।
\s5
\v 7 ଏଥିଉତ୍ତାରେ ଫାରୋଙ୍କର ଦାସଗଣ ତାଙ୍କୁ କହିଲେ, “ଏ ମନୁଷ୍ୟ କେତେ କାଳ ଆମ୍ଭମାନଙ୍କର ଫାନ୍ଦ ସ୍ୱରୂପ ହୋଇଥିବ ?” ଏହି ଲୋକମାନଙ୍କ ସଦାପ୍ରଭୁ ପରମେଶ୍ୱରଙ୍କ ସେବା କରିବା ପାଇଁ ଏମାନଙ୍କୁ ଯିବାକୁ ଦେଉନ୍ତୁ; ମିସର ଦେଶ ଯେ ନଷ୍ଟ ହେଲାଣି, ଏହା କି ଆପଣ ଏବେ ହେଁ ବୁଝନ୍ତି ନାହିଁ ?
\v 8 ତେବେ ମୋଶା ଓ ହାରୋଣ ପୁନର୍ବାର ଫାରୋଙ୍କ ନିକଟକୁ ଅଣା ଯାଆନ୍ତେ, ସେ ସେମାନଙ୍କୁ କହିଲେ, “ଯାଅ, ତୁମ୍ଭମାନଙ୍କ ସଦାପ୍ରଭୁ ପରମେଶ୍ୱରଙ୍କର ସେବା କର; ମାତ୍ର କିଏ କିଏ ଯିବ ?”
\s5
\v 9 ତହିଁରେ ମୋଶା କହିଲେ, “ଆମ୍ଭେମାନେ ଆପଣା ଆପଣା ବାଳକ ଓ ବୃଦ୍ଧ ସମସ୍ତଙ୍କୁ ସଙ୍ଗେ ଘେନି ଯିବୁ ଓ ଆପଣା ଆପଣା ପୁତ୍ରକନ୍ୟାମାନଙ୍କୁ, ପୁଣି, ଗୋମେଷାଦି ପଲ ମଧ୍ୟ ସଙ୍ଗରେ ଘେନି ଯିବୁ, ଯେହେତୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆମ୍ଭମାନଙ୍କର ଉତ୍ସବ କରିବାକୁ ହେବ।”
\v 10 ତେବେ ଫାରୋ ସେମାନଙ୍କୁ କହିଲେ, “ହେଉ, ସଦାପ୍ରଭୁ ତୁମ୍ଭମାନଙ୍କର ସହବର୍ତ୍ତୀ ହୁଅନ୍ତୁ, ଆମ୍ଭେ ତ ତୁମ୍ଭମାନଙ୍କୁ ଓ ତୁମ୍ଭମାନଙ୍କ ବାଳକମାନଙ୍କୁ ଯିବାକୁ ଦେବୁ; ସାବଧାନ, ଅମଙ୍ଗଳ ତୁମ୍ଭମାନଙ୍କ ସମ୍ମୁଖରେ ଅଛି।
\v 11 ଏପରି ହେବ ନାହିଁ, ତୁମ୍ଭେମାନେ ଯେତେ ପୁରୁଷ ଅଛ, ଯାଅ, ସଦାପ୍ରଭୁଙ୍କର ସେବା କର; କାରଣ ଏହା ହିଁ ତୁମ୍ଭେମାନେ ଚାହଁ।” ଏଉତ୍ତାରେ ସେମାନେ ଫାରୋଙ୍କ ସାକ୍ଷାତରୁ ତାଡ଼ିତ ହେଲେ।
\s5
\v 12 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ପଙ୍ଗପାଳ ନିମନ୍ତେ ମିସର ଦେଶ ଉପରେ ଆପଣା ହସ୍ତ ବିସ୍ତାର କର, ତହିଁରେ ସେମାନେ ମିସର ଦେଶକୁ ଆସି ଶିଳା ବୃଷ୍ଟିର ଅବଶିଷ୍ଟାଂଶ ଭୂମିର ତୃଣାଦି ସମସ୍ତ ଗ୍ରାସ କରିବେ।”
\v 13 ତହୁଁ ମୋଶା ମିସର ଦେଶ ଉପରେ ଆପଣା ଯଷ୍ଟି ବିସ୍ତାର କରନ୍ତେ, ସଦାପ୍ରଭୁ ସେହି ସାରା ଦିବାରାତ୍ରି ଦେଶରେ ପୂର୍ବୀୟ ବାୟୁ ବୁହାଇଲେ; ପ୍ରଭାତ ହୁଅନ୍ତେ, ପୂର୍ବୀୟ ବାୟୁ ଦ୍ୱାରା ପଙ୍ଗପାଳ ଉପସ୍ଥିତ ହେଲେ।
\s5
\v 14 ତହିଁରେ ସମୁଦାୟ ମିସର ଦେଶରେ ପଙ୍ଗପାଳ ବ୍ୟାପିଗଲେ, ମିସରର ସମସ୍ତ ଅଞ୍ଚଳରେ ପଙ୍ଗପାଳ ପଡ଼ିଲେ; ସେମାନେ ଅତ୍ୟନ୍ତ ଭୟାନକ ଥିଲେ; ସେପରି ପଙ୍ଗପାଳ ପୂର୍ବରେ କଦାପି ହୋଇ ନ ଥିଲା, କି ଆଉ କେବେ ହେବ ନାହିଁ।
\v 15 ସେମାନେ ସମୁଦାୟ ଭୂମି ଆଚ୍ଛନ୍ନ କଲେ ଓ ସେମାନଙ୍କ ଦ୍ୱାରା ଦେଶ ଅନ୍ଧକାରାବୃତ ହେଲା, ଭୂମିର ଯେ ତୃଣ ଓ ବୃକ୍ଷାଦିର ଯେ ଫଳ ଶିଳା ବୃଷ୍ଟିରୁ ରକ୍ଷା ପାଇଥିଲା, ତାହା ସେମାନେ ଖାଇ ପକାଇଲେ; ତହିଁରେ ସମୁଦାୟ ମିସର ଦେଶରେ କୌଣସି ବୃକ୍ଷ କି କ୍ଷେତ୍ରର ତୃଣାଦି ହରିତ୍‍ ବର୍ଣ୍ଣ କିଛି ମାତ୍ର ରହିଲା ନାହିଁ।
\s5
\v 16 ତହୁଁ ଫାରୋ ଶୀଘ୍ର ମୋଶା ଓ ହାରୋଣଙ୍କୁ ଡକାଇ କହିଲେ, “ମୁଁ ତୁମ୍ଭମାନଙ୍କ ସଦାପ୍ରଭୁ ପରମେଶ୍ୱରଙ୍କ ଓ ତୁମ୍ଭମାନଙ୍କ ବିରୁଦ୍ଧରେ ପାପ କରିଅଛି।
\v 17 ବିନୟ କରୁଅଛୁ, କେବଳ ଏହି ଥରକ ଆମ୍ଭର ପାପ କ୍ଷମା କରି ଆମ୍ଭ ନିକଟରୁ ଏହି କାଳ ସ୍ୱରୂପକୁ ଦୂର କରିବା ପାଇଁ ଆପଣାମାନଙ୍କ ସଦାପ୍ରଭୁ ପରମେଶ୍ୱରଙ୍କ ନିକଟରେ ପ୍ରାର୍ଥନା କରନ୍ତୁ।”
\v 18 ତହିଁରେ ସେ ଫାରୋଙ୍କ ନିକଟରୁ ଯାଇ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରନ୍ତେ,
\s5
\v 19 ସଦାପ୍ରଭୁ ପ୍ରବଳ ପଶ୍ଚିମ ବାୟୁ ଫେରାଇ ଦେଶରୁ ପଙ୍ଗପାଳମାନଙ୍କୁ ଉଠାଇ ନେଇ ସୂଫ ସାଗରରେ ନିକ୍ଷେପ କଲେ; ତହିଁରେ ମିସରର କୌଣସି ଅଞ୍ଚଳରେ ଗୋଟିଏ ପଙ୍ଗପାଳ ରହିଲା ନାହିଁ।
\v 20 ମାତ୍ର ସଦାପ୍ରଭୁ ଫାରୋଙ୍କର ହୃଦୟ କଠିନ କଲେ, ପୁଣି, ସେ ଇସ୍ରାଏଲ-ସନ୍ତାନଗଣଙ୍କୁ ଯିବାକୁ ଦେଲେ ନାହିଁ।
\s ନବମ ଦଣ୍ଡ-ଅନ୍ଧକାର
\p
\s5
\v 21 ଆଉ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଆକାଶ ଆଡ଼େ ହସ୍ତ ବିସ୍ତାର କର; ତହିଁରେ ମିସର ଦେଶରେ ଅନ୍ଧକାର ହେବ ଓ ଅନ୍ଧକାର ସକାଶୁ ଲୋକମାନେ ଦରାଣ୍ଡି ହେବେ।”
\v 22 ଏଥିଉତ୍ତାରେ ମୋଶା ଆକାଶ ଆଡ଼େ ହସ୍ତ ବିସ୍ତାର କରନ୍ତେ, ତିନି ଦିନ ପର୍ଯ୍ୟନ୍ତ ମିସର ଦେଶର ସର୍ବତ୍ର ଏପରି ଗାଢ଼ ଅନ୍ଧକାର ହେଲା ଯେ, କେହି ପରସ୍ପରଙ୍କୁ ଦେଖି ପାରିଲା ନାହିଁ।
\v 23 ଓ ତିନି ଦିନ ପର୍ଯ୍ୟନ୍ତ କେହି ଆପଣା ସ୍ଥାନରୁ ଉଠି ପାରିଲେ ନାହିଁ; ମାତ୍ର ଇସ୍ରାଏଲ ସନ୍ତାନଗଣର ସମସ୍ତ ବାସ ସ୍ଥାନରେ ଆଲୁଅ ଥିଲା।
\s5
\v 24 ତହୁଁ ଫାରୋ ମୋଶାଙ୍କୁ ଡକାଇ କହିଲେ, “ତୁମ୍ଭେମାନେ ସଦାପ୍ରଭୁଙ୍କ ସେବା କରିବାକୁ ଯାଅ; କେବଳ ତୁମ୍ଭମାନଙ୍କର ଗୋମେଷାଦି ପଲ ଥାଉନ୍ତୁ; ତୁମ୍ଭମାନଙ୍କ ବାଳକମାନେ ମଧ୍ୟ ତୁମ୍ଭମାନଙ୍କ ସଙ୍ଗେ ଯାଉନ୍ତୁ।”
\v 25 ତହିଁରେ ମୋଶା କହିଲେ, “ଆମ୍ଭେମାନେ ଆପଣାମାନଙ୍କ ସଦାପ୍ରଭୁ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଯେଉଁ ବଳି ଓ ହୋମଦ୍ରବ୍ୟ ଉତ୍ସର୍ଗ କରିବା, ତାହା ମଧ୍ୟ ଆମ୍ଭମାନଙ୍କ ହସ୍ତରେ ଆପଣଙ୍କୁ ଦେବାକୁ ହେବ।
\v 26 ଆମ୍ଭମାନଙ୍କ ପଶୁଗଣ ଆମ୍ଭମାନଙ୍କ ସଙ୍ଗରେ ଯିବେ, ଗୋଟିଏ ଖୁରା ହିଁ ଅବଶିଷ୍ଟ ରହିବ ନାହିଁ; କାରଣ ଆମ୍ଭମାନଙ୍କ ସଦାପ୍ରଭୁ ପରମେଶ୍ୱରଙ୍କ ସେବା ନିମନ୍ତେ ସେମାନଙ୍କ ମଧ୍ୟରୁ ବଳି ନେବାକୁ ହେବ; ପୁଣି, କି ଦେଇ ସଦାପ୍ରଭୁଙ୍କର ସେବା କରିବାକୁ ହେବ, ତାହା ସେଠାରେ ଉପସ୍ଥିତ ନ ହେଲେ, ଆମ୍ଭେମାନେ ଜାଣି ପାରିବୁ ନାହିଁ।”
\s5
\v 27 ମାତ୍ର ସଦାପ୍ରଭୁ ଫାରୋଙ୍କର ହୃଦୟ କଠିନ କଲେ, ପୁଣି, ସେ ସେମାନଙ୍କୁ ଯିବାକୁ ଦେବା ପାଇଁ ସମ୍ମତ ହେଲେ ନାହିଁ।
\v 28 ଏଣୁ ଫାରୋ ତାଙ୍କୁ କହିଲେ, “ଆମ୍ଭ ନିକଟରୁ ଦୂର ହୁଅ, ଆପଣା ବିଷୟରେ ସାବଧାନ ହୁଅ, ଆମ୍ଭର ମୁଖ ଆଉ କେବେ ଦେଖ ନାହିଁ; ଯେଉଁ ଦିନ ଆମ୍ଭର ମୁଖ ଦେଖିବ, ସେହି ଦିନ ମରିବ।”
\v 29 ତହିଁରେ ମୋଶା କହିଲେ, “ଆପଣ ଭଲ କହିଲେ, ମୁଁ ଆଉ କେବେ ଆପଣଙ୍କ ମୁଖ ଦେଖିବି ନାହିଁ।”
\s5
\c 11
\s ଶେଷ ଦଣ୍ଡର ଭୟ
\p
\v 1 ସଦାପ୍ରଭୁ ମୋଶାଙ୍କୁ କହିଲେ, “ଆମ୍ଭେ ଫାରୋ ଓ ମିସର ଉପରେ ଆଉ ଏକ ଉତ୍ପାତ ଆଣିବା; ତହିଁ ଉତ୍ତାରେ ସେ ତୁମ୍ଭମାନଙ୍କୁ ଏ ସ୍ଥାନରୁ ଯିବାକୁ ଦେବ; ପୁଣି, ଯିବାକୁ ଦେବା ସମୟରେ ସେ ତୁମ୍ଭମାନଙ୍କୁ ନିତାନ୍ତ ତଡ଼ି ଦେବ।
\v 2 ଏହେତୁ ଏବେ ଲୋକମାନଙ୍କ କର୍ଣ୍ଣଗୋଚରରେ କୁହ, ପ୍ରତ୍ୟେକ ପୁରୁଷ ଆପଣା ଆପଣା ପ୍ରତିବାସୀଠାରୁ ଓ ପ୍ରତ୍ୟେକ ସ୍ତ୍ରୀ ଆପଣା ଆପଣା ପ୍ରତିବାସିନୀଠାରୁ ରୌପ୍ୟ-ଅଳଙ୍କାର ଓ ସ୍ୱର୍ଣ୍ଣ-ଅଳଙ୍କାର ମାଗି ନିଅନ୍ତୁ।”
\v 3 ଆଉ ସଦାପ୍ରଭୁ ମିସ୍ରୀୟମାନଙ୍କ ଦୃଷ୍ଟିରେ ଲୋକମାନଙ୍କୁ ଅନୁଗ୍ରହପ୍ରାପ୍ତ କଲେ। ପୁଣି, ମିସର ଦେଶରେ ଫାରୋଙ୍କର ଦାସମାନଙ୍କ ଓ ଲୋକମାନଙ୍କ ଦୃଷ୍ଟିରେ ମୋଶା ଅତି ସମ୍ଭ୍ରାନ୍ତ ପୁରୁଷ ହେଲେ।
\s5
\v 4 ଏଥିଉତ୍ତାରେ ମୋଶା କହିଲେ, “ସଦାପ୍ରଭୁ ଏହି କଥା କହନ୍ତି, ଆମ୍ଭେ ଦୁଇପ୍ରହର ରାତ୍ରିରେ ମିସରର ମଧ୍ୟ ଦେଇ ଗମନ କରିବା।”
\v 5 ତହିଁରେ ସିଂହାସନୋପବିଷ୍ଟ ଫାରୋଙ୍କର ପ୍ରଥମଜାତଠାରୁ ଚକି ପେଷଣକାରିଣୀ ଦାସୀର ପ୍ରଥମଜାତ ପର୍ଯ୍ୟନ୍ତ ମିସର ଦେଶସ୍ଥିତ ସମସ୍ତ ପ୍ରଥମଜାତ ଓ ପଶୁମାନଙ୍କର ପ୍ରଥମଜାତ ମରିବେ।
\s5
\v 6 ଏଣୁ ସମୁଦାୟ ମିସର ଦେଶରେ, ଯେପରି କେବେ ହୋଇ ନାହିଁ ଓ ହେବ ନାହିଁ, ଏପରି ମହାରୋଦନ ହେବ।
\v 7 ମାତ୍ର ସଦାପ୍ରଭୁ ମିସ୍ରୀୟ ଲୋକଙ୍କଠାରୁ ଇସ୍ରାଏଲୀୟ ଲୋକଙ୍କୁ ପ୍ରଭେଦ କରନ୍ତି, ଏହା ଯେପରି ତୁମ୍ଭେମାନେ ଜ୍ଞାତ ହେବ, ଏଥିପାଇଁ ଇସ୍ରାଏଲ ସନ୍ତାନମାନଙ୍କ ମଧ୍ୟରେ ମନୁଷ୍ୟ କି ପଶୁ ପ୍ରତି ଗୋଟିଏ କୁକ୍କୁର ସୁଦ୍ଧା ଜିହ୍ୱା ପଜାଇବ ନାହିଁ।
\v 8 ତହିଁରେ ତୁମ୍ଭର ଏହି ସମସ୍ତ ଦାସମାନେ ମୋ’ ନିକଟକୁ ନତ ହୋଇ ଆସିବେ ଓ ମୋତେ ପ୍ରଣାମ କରି କହିବେ, ତୁମ୍ଭେ ଓ ତୁମ୍ଭର ଅନୁଗତ ସମସ୍ତ ଲୋକ ବାହାରି ଯାଅ; ତହିଁ ଉତ୍ତାରେ ମୁଁ ବାହାରି ଯିବି। ଏଥିଉତ୍ତାରେ ସେ ପ୍ରଚଣ୍ଡ କ୍ରୋଧରେ ଫାରୋଙ୍କ ନିକଟରୁ ବାହାରି ଗଲେ।
\s5
\v 9 ସଦାପ୍ରଭୁ ମୋଶାଙ୍କୁ କହିଥିଲେ, ଆମ୍ଭେ ଯେପରି ମିସର ଦେଶରେ ଆପଣା ଆଶ୍ଚର୍ଯ୍ୟକ୍ରିୟା ବହୁସଂଖ୍ୟକ କରିବା, ଏଥିପାଇଁ ଫାରୋ ତୁମ୍ଭମାନଙ୍କ କଥାରେ ମନୋଯୋଗ କରିବ ନାହିଁ।
\v 10 ପୁଣି, ମୋଶା ଓ ହାରୋଣ ଫାରୋଙ୍କ ସମ୍ମୁଖରେ ଏହି ସମସ୍ତ ଆଶ୍ଚର୍ଯ୍ୟକର୍ମ କରିଥିଲେ; ମାତ୍ର ସଦାପ୍ରଭୁ ଫାରୋଙ୍କର ହୃଦୟ କଠିନ କରନ୍ତେ, ସେ ଆପଣା ଦେଶରୁ ଇସ୍ରାଏଲ ସନ୍ତାନଗଣଙ୍କୁ ଯିବାକୁ ଦେଲେ ନାହିଁ।
\s5
\c 12
\s ନିସ୍ତାର ପର୍ବ
\p
\v 1 ଏଥିଉତ୍ତାରେ ମିସର ଦେଶରେ ସଦାପ୍ରଭୁ ମୋଶା ଓ ହାରୋଣଙ୍କୁ କହିଲେ,
\v 2 “ଏହି ମାସ ତୁମ୍ଭମାନଙ୍କର ପ୍ରଧାନ ମାସ ଓ ବର୍ଷର ପ୍ରଥମ ମାସ ହେବ।
\s5
\v 3 ତୁମ୍ଭେମାନେ ଇସ୍ରାଏଲୀୟ ସମଗ୍ର ମଣ୍ଡଳୀକୁ ଏହି କଥା କୁହ, ଏହି ମାସର ଦଶମ ଦିନରେ ତୁମ୍ଭମାନଙ୍କର ପ୍ରତ୍ୟେକ ମନୁଷ୍ୟ ପିତୃଗୃହାନୁସାରେ ପ୍ରତ୍ୟେକ ପରିବାର ନିମନ୍ତେ ଏକ ଏକ ମେଷଶାବକ ନେବ।
\v 4 ଆଉ, ଗୋଟିଏ ମେଷଶାବକ ନେବା ନିମନ୍ତେ ଯଦି କୌଣସି ପରିଜନ ଅଳ୍ପ ହେବ, ତେବେ ସେ ଓ ତାହାର ଗୃହ ନିକଟବର୍ତ୍ତୀ ପ୍ରତିବାସୀ, ପ୍ରାଣୀଗଣର ସଂଖ୍ୟାନୁସାରେ ଏକ ମେଷଶାବକ ନେବେ; ତୁମ୍ଭେମାନେ ପ୍ରତ୍ୟେକ ଜଣର ଭୋଜନ-ଶକ୍ତି ଅନୁସାରେ ମେଷଶାବକର ଅଟକଳ କରିବ।
\s5
\v 5 ତୁମ୍ଭେମାନେ ମେଷପଲ ବା ଛାଗପଲ ମଧ୍ୟରୁ ଶାବକ ନେବ; ତାହା ନିର୍ଦ୍ଦୋଷ, ଏକ ବର୍ଷୀୟ ଓ ପୁଂଶାବକ ହେବ;
\v 6 ସେହି ମାସର ଚତୁର୍ଦ୍ଦଶ ଦିନଯାଏ ତାକୁ ବନ୍ଦ କରି ରଖିବ; ଏଥିଉତ୍ତାରେ ଇସ୍ରାଏଲ-ମଣ୍ଡଳୀର ସମସ୍ତ ସମାଜ ସନ୍ଧ୍ୟାକାଳରେ ସେହି ଶାବକକୁ ବଧ କରିବେ।
\v 7 ପୁଣି, ଲୋକମାନେ ତାହାର କିଛି ରକ୍ତ ନେଇ ଯେଉଁ ଯେଉଁ ଗୃହ ମଧ୍ୟରେ ମେଷ ଭୋଜନ କରିବେ, ସେହି ସେହି ଗୃହ ଦ୍ୱାରର ଦୁଇ ବାଜୁବନ୍ଧ ଓ କପାଳୀ ଉପରେ ତାହା ଲଗାଇବେ।
\v 8 ଆଉ ସେହି ରାତ୍ରିରେ ତାହାର ମାଂସ ଭୋଜନ କରିବେ; ଅଗ୍ନିରେ ଦଗ୍ଧ କରି ତାଡ଼ିଶୂନ୍ୟ ରୁଟି ଓ ପିତା ଶାକ ସହିତ ତାହା ଭୋଜନ କରିବେ।
\s5
\v 9 ତୁମ୍ଭେମାନେ ସେହି ମାଂସ ଅପକ୍ୱ କିମ୍ବା ଜଳରେ ସିଦ୍ଧ କରି ଭୋଜନ କରିବ ନାହିଁ, ମାତ୍ର ଅଗ୍ନିରେ ତାହାର ମୁଣ୍ଡ ଓ ଜଙ୍ଘ ଶରୀର ସମେତ ଦଗ୍ଧ କରି ଭୋଜନ କରିବ।
\v 10 ପୁଣି, ପ୍ରଭାତ ଯାଏ ତହିଁର କିଛି ରଖିବ ନାହିଁ; ଯଦି ପ୍ରଭାତ ପର୍ଯ୍ୟନ୍ତ କିଛି ଅବଶିଷ୍ଟ ରହିବ, ତାହା ଅଗ୍ନିରେ ଭସ୍ମସାତ୍‍ କରିବ।
\v 11 ଏହି ପ୍ରକାରେ ତୁମ୍ଭେମାନେ ତାହା ଚଞ୍ଚଳ ଭୋଜନ କରିବ, କାରଣ ତୁମ୍ଭମାନେ କଟି ବନ୍ଧନ କରି ପାଦରେ ପାଦୁକା ଦେଇ ହସ୍ତରେ ଯଷ୍ଟି ଘେନି ଯାତ୍ରା କରିବା ନିମନ୍ତେ ପ୍ରସ୍ତୁତ ହେବ; ଏହା ସଦାପ୍ରଭୁଙ୍କର ନିସ୍ତାର ପର୍ବ।
\s5
\v 12 ଯେହେତୁ ଆମ୍ଭେ ଆଜି ରାତ୍ରି ମିସର ଦେଶର ମଧ୍ୟ ଦେଇ ଯାଇ ମିସର ଦେଶସ୍ଥ ମନୁଷ୍ୟ ଓ ପଶୁର ସମସ୍ତ ପ୍ରଥମଜାତକୁ ସଂହାର କରିବା; ପୁଣି, ମିସ୍ରୀୟ ସମସ୍ତ ଦେବତାର ବିଚାର କରି ଦଣ୍ଡ ଦେବା; ଆମ୍ଭେ ସଦାପ୍ରଭୁ।
\v 13 ଏଣୁକରି ତୁମ୍ଭେମାନେ ଯେଉଁ ଯେଉଁ ଗୃହରେ ଥାଅ, ସେହି ସେହି ଗୃହରେ ସେହି ରକ୍ତ ଚିହ୍ନ ସ୍ୱରୂପେ ରହିବ; ଆଉ ଆମ୍ଭେ ମିସର ଦେଶକୁ ଦଣ୍ଡ ଦେବା ସମୟରେ ସେହି ରକ୍ତ ଦେଖିଲେ, ତୁମ୍ଭମାନଙ୍କୁ ଛାଡ଼ି ଆଗକୁ ଯିବା, ପୁଣି, ସଂହାରକ ଆଘାତ ତୁମ୍ଭମାନଙ୍କ ପ୍ରତି ଘଟିବ ନାହିଁ।
\v 14 ଆଉ ସେହି ଦିନ ତୁମ୍ଭମାନଙ୍କର ସ୍ମରଣୀୟ ହେବ, ପୁଣି, ତୁମ୍ଭେମାନେ ସେହି ଦିନକୁ ସଦାପ୍ରଭୁଙ୍କ ପର୍ବ ରୂପେ ପାଳନ କରିବ; ପୁରୁଷାନୁକ୍ରମେ ଅନନ୍ତକାଳୀନ ବିଧିମତେ ଏହି ପର୍ବ ପାଳନ କରିବ।
\s ତାଡ଼ିଶୂନ୍ୟ ରୁଟି ପର୍ବ
\p
\s5
\v 15 ତୁମ୍ଭେମାନେ ସାତ ଦିନ ପର୍ଯ୍ୟନ୍ତ ତାଡ଼ିଶୂନ୍ୟ ରୁଟି ଖାଇବ; ବିଶେଷତଃ ପ୍ରଥମ ଦିନ ଆପଣା ଆପଣା ଗୃହରୁ ତାଡ଼ି ଦୂର କରିବ, କାରଣ ଯେଉଁ ଜନ ପ୍ରଥମ ଦିନଠାରୁ ସପ୍ତମ ଦିନ ପର୍ଯ୍ୟନ୍ତ ତାଡ଼ି ମିଶ୍ରିତ ରୁଟି ଖାଇବ, ସେ ପ୍ରାଣୀ ଇସ୍ରାଏଲ ମଧ୍ୟରୁ ଉଚ୍ଛିନ୍ନ ହେବ।
\v 16 ଆଉ ପ୍ରଥମ ଦିନରେ ତୁମ୍ଭମାନଙ୍କର ପବିତ୍ର ସଭା ହେବ, ପୁଣି, ସପ୍ତମ ଦିନରେ ମଧ୍ୟ ତୁମ୍ଭମାନଙ୍କର ପବିତ୍ର ସଭା ହେବ; ଆଉ ସେହି ଦୁଇ ଦିନରେ ପ୍ରତ୍ୟେକ ପ୍ରାଣୀର ଖାଦ୍ୟର ଆୟୋଜନ ବିନୁ ଆଉ କୌଣସି କର୍ମ କରାଯିବ ନାହିଁ, କେବଳ ସେହି କର୍ମ ତୁମ୍ଭେମାନେ କରି ପାରିବ।
\s5
\v 17 ଏହି ପ୍ରକାରେ ତୁମ୍ଭେମାନେ ତାଡ଼ିଶୂନ୍ୟ ରୁଟିର ପର୍ବ ପାଳନ କରିବ, କାରଣ ସେହି ଦିନରେ ହିଁ ଆମ୍ଭେ ତୁମ୍ଭମାନଙ୍କର ସୈନ୍ୟମାନଙ୍କୁ ମିସର ଦେଶରୁ ବାହାର କରି ଆଣିବା; ଏଣୁ ତୁମ୍ଭେମାନେ ପୁରୁଷାନୁକ୍ରମେ ଅନନ୍ତକାଳୀନ ବିଧିମତେ ଏହି ଦିନ ପାଳନ କରିବ।
\v 18 ତୁମ୍ଭେମାନେ ପ୍ରଥମ ମାସର ଚଉଦ ଦିନର ସନ୍ଧ୍ୟା ସମୟରୁ ଏକୋଇଶ ଦିନର ସନ୍ଧ୍ୟା ପର୍ଯ୍ୟନ୍ତ ତାଡ଼ିଶୂନ୍ୟ ରୁଟି ଭୋଜନ କରିବ।
\s5
\v 19 ସପ୍ତାହ ପର୍ଯ୍ୟନ୍ତ ତୁମ୍ଭମାନଙ୍କ ଗୃହରେ ଲେଶମାତ୍ର ତାଡ଼ି ନ ରହୁ, କାରଣ ବିଦେଶୀ ଅବା ସ୍ୱଦେଶୀ ଯେଉଁ ଜନ ଏଥିମଧ୍ୟରେ ତାଡ଼ି ମିଶ୍ରିତ ଦ୍ରବ୍ୟ ଖାଇବ, ସେ ପ୍ରାଣୀ ଇସ୍ରାଏଲ-ମଣ୍ଡଳୀରୁ ଉଚ୍ଛିନ୍ନ ହେବ।
\v 20 ତୁମ୍ଭେମାନେ ତାଡ଼ି ମିଶ୍ରିତ କୌଣସି ଦ୍ରବ୍ୟ ଖାଇବ ନାହିଁ, ତୁମ୍ଭେମାନେ ଆପଣା ଆପଣା ସମସ୍ତ ବାସ ସ୍ଥାନରେ ତାଡ଼ିଶୂନ୍ୟ ରୁଟି ଖାଇବ।”
\s ପ୍ରଥମ ନିସ୍ତାର ପର୍ବ
\p
\s5
\v 21 ସେତେବେଳେ ମୋଶା ଇସ୍ରାଏଲର ସମସ୍ତ ପ୍ରାଚୀନ ଲୋକଙ୍କୁ ଡକାଇ କହିଲେ, “ତୁମ୍ଭେମାନେ ଆପଣାମାନଙ୍କ ନିମନ୍ତେ ଆପଣା ଆପଣା ପରିଜନାନୁସାରେ ଏକ ଏକ ମେଷଶାବକ ବାହାର କରି ନେଇ ନିସ୍ତାର ପର୍ବୀୟ ବଳି ବଧ କର।
\v 22 ପୁଣି, ବିଡ଼ାଏ ଏସୋବ ଘେନି ପାତ୍ରସ୍ଥିତ ରକ୍ତରେ ବୁଡ଼ାଇ ଦ୍ୱାରର କପାଳୀ ଓ ଦୁଇ ବାଜୁବନ୍ଧ ଉପରେ ପାତ୍ରସ୍ଥିତ ରକ୍ତ ଲଗାଅ; ପୁଣି, ପ୍ରଭାତ ପର୍ଯ୍ୟନ୍ତ ତୁମ୍ଭମାନଙ୍କର କେହି ଗୃହ ଦ୍ୱାରରେ ବାହାରକୁ ନ ଯାଉ।
\s5
\v 23 ଯେହେତୁ ସଦାପ୍ରଭୁ ମିସ୍ରୀୟମାନଙ୍କୁ ଆଘାତ କରିବାକୁ ସେମାନଙ୍କ ମଧ୍ୟ ଦେଇ ଯିବେ; ତହିଁରେ ଦ୍ୱାରର କପାଳୀ ଓ ଦୁଇ ବାଜୁବନ୍ଧ ଉପରେ ସେହି ରକ୍ତ ଦେଖିଲେ, ସଦାପ୍ରଭୁ ସେହି ଦ୍ୱାର ଛାଡ଼ି ଆଗକୁ ଯିବେ, ତୁମ୍ଭମାନଙ୍କ ଗୃହରେ ସଂହାରକକୁ ପ୍ରବେଶ କରି ଆଘାତ କରିବାକୁ ଦେବେ ନାହିଁ।
\s5
\v 24 ପୁଣି, ତୁମ୍ଭେମାନେ ଓ ଯୁଗାନୁକ୍ରମେ ତୁମ୍ଭମାନଙ୍କ ସନ୍ତାନମାନେ ବିଧିମତେ ଏହି ରୀତି ପାଳନ କରିବ।
\v 25 ଆଉ ସଦାପ୍ରଭୁ ଆପଣା ପ୍ରତିଜ୍ଞାନୁସାରେ; ତୁମ୍ଭମାନଙ୍କୁ ଯେଉଁ ଦେଶ ଦେବେ, ସେଠାରେ ପ୍ରବେଶ କଲେ, ଏହି ସେବା ସାଧନ କରିବ।
\s5
\v 26 ପୁଣି, ତୁମ୍ଭମାନଙ୍କ ଏହି ସେବାର ଅଭିପ୍ରାୟ କଅଣ ?
\v 27 ଏହା ତୁମ୍ଭମାନଙ୍କ ସନ୍ତାନମାନେ ପଚାରିଲେ, ତୁମ୍ଭେମାନେ କହିବ, ଏହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନିସ୍ତାର ପର୍ବୀୟ ବଳିଦାନ; କାରଣ ମିସ୍ରୀୟମାନଙ୍କୁ ଆଘାତ କରିବା ବେଳେ ସେ ମିସରରେ ପ୍ରବାସୀ ଇସ୍ରାଏଲୀୟ ସନ୍ତାନଗଣର ଗୃହ ସବୁ ଛାଡ଼ି ଆଗକୁ ଯାଇ ଆମ୍ଭମାନଙ୍କ ଗୃହ ରକ୍ଷା କରିଥିଲେ।” ସେତେବେଳେ ଲୋକମାନେ ମସ୍ତକ ନତ କରି ପ୍ରଣାମ କଲେ।
\v 28 ତହୁଁ ଇସ୍ରାଏଲୀୟ ସନ୍ତାନମାନେ ଯାଇ ସେପରି କଲେ; ଆଉ ସେମାନେ ମୋଶା ଓ ହାରୋଣଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ କର୍ମ କଲେ।
\s ଦଶମ ଦଣ୍ଡ-ପ୍ରଥମଜାତର ମୃତ୍ୟୁୁ
\p
\s5
\v 29 ଏଥିଉତ୍ତାରେ ଅର୍ଦ୍ଧ ରାତ୍ର ସମୟରେ ସଦାପ୍ରଭୁ ସିଂହାସନୋପବିଷ୍ଟ ଫାରୋଙ୍କର ପ୍ରଥମଜାତ ସନ୍ତାନଠାରୁ କାରାକୂପସ୍ଥ ବନ୍ଦୀର ପ୍ରଥମଜାତ ସନ୍ତାନ ପର୍ଯ୍ୟନ୍ତ ମିସର ଦେଶସ୍ଥିତ ସମସ୍ତ ପ୍ରଥମଜାତ ସନ୍ତାନମାନଙ୍କୁ ଓ ପଶୁମାନଙ୍କ ପ୍ରଥମଜାତ ଶାବକଗଣକୁ ଆଘାତ କଲେ।
\v 30 ତହିଁରେ ଫାରୋ ଓ ତାଙ୍କର ଦାସଗଣ ଓ ମିସ୍ରୀୟ ଲୋକ ସମସ୍ତେ ରାତ୍ରିରେ ଉଠିଲେ; ପୁଣି, ମିସର ଦେଶରେ ମହା ରୋଦନ ହେଲା; କାରଣ ଏପରି ଗୃହ ନ ଥିଲା ଯେଉଁ ଗୃହରେ କେହି ମରି ନ ଥିଲେ।
\s5
\v 31 ତହୁଁ ରାତ୍ରି କାଳରେ ଫାରୋ, ମୋଶା ଓ ହାରୋଣଙ୍କୁ ଡକାଇ କହିଲେ, “ତୁମ୍ଭେମାନେ ଓ ଇସ୍ରାଏଲ ବଂଶ ଉଠି ଆମ୍ଭ ଲୋକମାନଙ୍କ ମଧ୍ୟରୁ ବାହାର ହୁଅ, ତୁମ୍ଭମାନଙ୍କ ବାକ୍ୟାନୁସାରେ ସଦାପ୍ରଭୁଙ୍କର ସେବା କରିବା ପାଇଁ ଯାତ୍ରା କର।
\v 32 ତୁମ୍ଭମାନଙ୍କ ବାକ୍ୟାନୁସାରେ ଗୋମେଷାଦି ପଲ ସମସ୍ତଙ୍କୁ ନେଇ ଚାଲିଯାଅ ଓ ଆମ୍ଭକୁ ମଧ୍ୟ ଆଶୀର୍ବାଦ କର।”
\v 33 ସେତେବେଳେ ମିସ୍ରୀୟମାନେ ଲୋକମାନଙ୍କୁ ଶୀଘ୍ର ଦେଶରୁ ପଠାଇ ଦେବା ନିମନ୍ତେ ବ୍ୟଗ୍ର ହେଲେ; କାରଣ ସେମାନେ କହିଲେ, “ଆମ୍ଭେ ସମସ୍ତେ ମୃତକଳ୍ପ।”
\s5
\v 34 ତହିଁରେ ଚକଟା ମଇଦା ତାଡ଼ି ମିଶ୍ରିତ ହେବା ପୂର୍ବେ, ଲୋକମାନେ ତାହା ନେଇ ମଇଦା ଦଳିବା ପାତ୍ରସବୁ ଆପଣା ଆପଣା ବସ୍ତ୍ରରେ ବାନ୍ଧି ସ୍କନ୍ଧରେ ଘେନିଲେ।
\v 35 ପୁଣି, ଇସ୍ରାଏଲ ସନ୍ତାନଗଣ ମୋଶାଙ୍କର ବାକ୍ୟାନୁସାରେ ମିସ୍ରୀୟମାନଙ୍କୁ ରୌପ୍ୟ-ଅଳଙ୍କାର, ସୁବର୍ଣ୍ଣ-ଅଳଙ୍କାର ଓ ବସ୍ତ୍ର ମାଗିଲେ।
\v 36 ତହିଁରେ ସଦାପ୍ରଭୁ ମିସ୍ରୀୟମାନଙ୍କ ଦୃଷ୍ଟିରେ ଲୋକମାନଙ୍କୁ ଅନୁଗ୍ରହପାତ୍ର କରିବାରୁ ସେମାନେ ସେମାନଙ୍କୁ ଯାହା ମାଗିଲେ, ସେମାନେ ତାହା ଦେଲେ। ଏହି ପ୍ରକାରେ, ସେମାନେ ମିସ୍ରୀୟମାନଙ୍କ ଧନ ହରଣ କଲେ।
\s ଇସ୍ରାଏଲୀୟମାନଙ୍କର ମିସର ପରିତ୍ୟାଗ
\p
\s5
\v 37 ଏଥିଉତ୍ତାରେ ଇସ୍ରାଏଲ ସନ୍ତାନମାନେ ବାଳକ ବ୍ୟତୀତ ପ୍ରାୟ ଛଅ ଲକ୍ଷ ପୁରୁଷ ପାଦଗତିରେ ରାମିଷେଷ୍‍ଠାରୁ ସୁକ୍‍କୋତକୁ ଯାତ୍ରା କଲେ।
\v 38 ପୁଣି, ମିଶ୍ରିତ ଲୋକମାନଙ୍କର ଏକ ମହାଜନତା ଓ ଗୋମେଷାଦି ଅନେକ ଅନେକ ପଶୁ ସେମାନଙ୍କ ସହିତ ପ୍ରସ୍ଥାନ କଲେ।
\v 39 ଏଥିଉତ୍ତାରେ ସେମାନେ ମିସରଠାରୁ ଆନୀତ ଚକଟା ମଇଦାରେ ତାଡ଼ିଶୂନ୍ୟ ରୁଟି ପ୍ରସ୍ତୁତ କଲେ; କାରଣ ତାହା ତାଡ଼ି ମିଶ୍ରିତ ହୋଇ ନ ଥିଲା; ଯେହେତୁ ସେମାନେ ମିସରରୁ ତାଡ଼ିତ ହୋଇଥିଲେ, ଏଥିପାଇଁ ବିଳମ୍ବ କରି ନ ପାରିବାରୁ ଆପଣା ଆପଣା ନିମନ୍ତେ କିଛି ଖାଦ୍ୟ ପ୍ରସ୍ତୁତ କରିପାରି ନ ଥିଲେ।
\v 40 ଇସ୍ରାଏଲ ବଂଶ ଚାରିଶହ ତିରିଶ ବର୍ଷ ପର୍ଯ୍ୟନ୍ତ ମିସର ଦେଶରେ ପ୍ରବାସ କରିଥିଲେ।
\s5
\v 41 ସେହି ଚାରିଶହ ତିରିଶ ବର୍ଷ ଶେଷରେ, ସେହି ଦିନରେ ସଦାପ୍ରଭୁଙ୍କ ସୈନ୍ୟସମୂହ ମିସରରୁ ବାହାର ହେଲେ।
\v 42 ମିସର ଦେଶରୁ ସେମାନେ ବାହାର ହେବା ସକାଶୁ ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅତ୍ୟନ୍ତ ପାଳନୀୟ ରାତ୍ରି; ତାହା ସଦାପ୍ରଭୁଙ୍କ ରାତ୍ରି ବୋଲି ଇସ୍ରାଏଲ ସନ୍ତାନମାନଙ୍କର ପୁରୁଷାନୁକ୍ରମେ ବିଶେଷ ପାଳନୀୟ ଅଟଇ।
\s ନିସ୍ତାର ପର୍ବ ସମ୍ପର୍କରେ ନିୟମାବଳୀ
\p
\s5
\v 43 ଆଉ ସଦାପ୍ରଭୁ ମୋଶା ଓ ହାରୋଣଙ୍କୁ କହିଲେ, “ନିସ୍ତାର ପର୍ବର ଏହି ବିଧି; କୌଣସି ବିଦେଶୀୟ ଲୋକ ତାହା ଭୋଜନ କରିବ ନାହିଁ।
\v 44 ମାତ୍ର ରୌପ୍ୟ ଦ୍ୱାରା କ୍ରୀତ ପ୍ରତ୍ୟେକ ଲୋକର ଦାସ ସୁନ୍ନତ ହେଲେ ଖାଇ ପାରିବ;
\s5
\v 45 କୌଣସି ପ୍ରବାସୀ ବା ବେତନଜୀବୀ ଦାସ ତାହା ଖାଇ ପାରିବ ନାହିଁ।
\v 46 ଏକ ଗୃହ ମଧ୍ୟରେ ତାହା ଭୋଜନ କରାଯିବ; ତୁମ୍ଭେ ସେହି ମାଂସର କିଛି ମାତ୍ର ଗୃହ ବାହାରକୁ ନେଇ ଯିବ ନାହିଁ; କିଅବା ତାହାର ଗୋଟିଏ ଅସ୍ଥି ହିଁ ଭାଙ୍ଗିବ ନାହିଁ।
\s5
\v 47 ଇସ୍ରାଏଲର ସମଗ୍ର ମଣ୍ଡଳୀ ତାହା ପାଳନ କରିବେ।
\v 48 ପୁଣି, ତୁମ୍ଭ ସଙ୍ଗରେ ପ୍ରବାସୀ କୌଣସି ବିଦେଶୀ ଲୋକ ଯଦି ସଦାପ୍ରଭୁଙ୍କର ନିସ୍ତାର ପର୍ବ ପାଳନ କରିବାକୁ ଚାହେଁ, ତେବେ ତାହାର ପରିବାରର ସମସ୍ତ ପୁରୁଷ ସୁନ୍ନତ ହେଉନ୍ତୁ, ତହିଁ ଉତ୍ତାରୁ ସେ ନିକଟକୁ ଆସି ପର୍ବ ପାଳନ କରୁ; ତହିଁରେ ସେ ଦେଶଜାତ ଲୋକ ତୁଲ୍ୟ ହେବ; ମାତ୍ର କୌଣସି ଅସୁନ୍ନତ ଲୋକ ତାହା ଭୋଜନ କରିବ ନାହିଁ।
\s5
\v 49 ଆଉ ଦେଶଜାତ ଲୋକ ଓ ତୁମ୍ଭମାନଙ୍କ ମଧ୍ୟରେ ପ୍ରବାସକାରୀ ବିଦେଶୀୟ ଲୋକ ପ୍ରତି ଗୋଟିଏ ବିଧି ହେବ।”
\v 50 ତହିଁରେ ଇସ୍ରାଏଲର ସମସ୍ତ ସନ୍ତାନ ଏହି ପ୍ରକାର କଲେ; ମୋଶା ଓ ହାରୋଣଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞା ଯେପରି ଥିଲା, ସେହିପରି ସେମାନେ କଲେ।
\v 51 ଏହି ପ୍ରକାରେ ସଦାପ୍ରଭୁ ସେହି ଦିନ ସୈନ୍ୟଶ୍ରେଣୀବଦ୍ଧ ଇସ୍ରାଏଲ ସନ୍ତାନଗଣକୁ ମିସର ଦେଶରୁ ବାହାର କରି ଆଣିଲେ।
\s5
\c 13
\s ପ୍ରଥମଜାତର ଉତ୍ସର୍ଗୀକରଣ
\p
\v 1 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
\v 2 “ଇସ୍ରାଏଲ ସନ୍ତାନମାନଙ୍କ ମଧ୍ୟରେ ମନୁଷ୍ୟ ହେଉ କି ପଶୁ ହେଉ, ଯେକେହି ପ୍ରଥମେ ଜାତ ହୁଏ, ସେହି ପ୍ରଥମଜାତ ସମସ୍ତଙ୍କୁ ଆମ୍ଭ ଉଦ୍ଦେଶ୍ୟରେ ପ୍ରତିଷ୍ଠା କର; ତାହା ଆମ୍ଭର ଅଟେ।”
\s ତାଡ଼ିଶୂନ୍ୟ ରୁଟି ପର୍ବ
\p
\s5
\v 3 ଏଥିଉତ୍ତାରେ ମୋଶା ଲୋକମାନଙ୍କୁ କହିଲେ, “ଏହି ଦିନ ସ୍ମରଣରେ ରଖ, ଯେହେତୁ ଏହି ଦିନରେ ତୁମ୍ଭେମାନେ ଦାସଗୃହ ସ୍ୱରୂପ ମିସରରୁ ବାହାର ହେଲ, ଆଉ ସଦାପ୍ରଭୁ ବାହୁ ବଳ ଦ୍ୱାରା ସେଠାରୁ ତୁମ୍ଭମାନଙ୍କୁ ବାହାର କରି ଆଣିଲେ; ଏଥିରେ ତାଡ଼ି ମିଶ୍ରିତ ରୁଟି ଭୋଜନ କରାଯିବ ନାହିଁ।
\v 4 ତୁମ୍ଭେମାନେ ଆବୀବ୍‍ ମାସର ଏହି ଦିନରେ ବାହାର ହେଲ।
\v 5 ଆଉ କିଣାନୀୟ, ହିତ୍ତୀୟ, ଇମୋରୀୟ, ହିବ୍ବୀୟ ଓ ଯିବୂଷୀୟ ଲୋକମାନଙ୍କର ଯେଉଁ ଦେଶ ତୁମ୍ଭଙ୍କୁ ଦେବାକୁ ସଦାପ୍ରଭୁ ତୁମ୍ଭ ପୂର୍ବପୁରୁଷମାନଙ୍କ ନିକଟରେ ଶପଥ କରିଥିଲେ, ସେହି ଦୁଗ୍ଧ ଓ ମଧୁ ପ୍ରବାହୀ ଦେଶକୁ ଯେତେବେଳେ ସେ ତୁମ୍ଭଙ୍କୁ ଆଣିବେ, ସେହି ସମୟରେ ତୁମ୍ଭେ ଏହି ମାସରେ ଏହି ସେବାର କାର୍ଯ୍ୟ ସାଧନ କରିବ।
\s5
\v 6 ସପ୍ତାହ ପର୍ଯ୍ୟନ୍ତ ତାଡ଼ିଶୂନ୍ୟ ରୁଟି ଖାଇବ ଓ ସପ୍ତମ ଦିନରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସବ କରିବ।
\v 7 ପୁଣି, ସେହି ସପ୍ତାହ ପର୍ଯ୍ୟନ୍ତ ତାଡ଼ିଶୂନ୍ୟ ରୁଟି ଭୋଜନ କରାଯିବ ଓ ତୁମ୍ଭ ନିକଟରେ ତାଡ଼ି ମିଶ୍ରିତ ରୁଟି ଦେଖାଯିବ ନାହିଁ, ଆଉ ତୁମ୍ଭର ସମୁଦାୟ ଦେଶ ମଧ୍ୟରେ ତାଡ଼ି ଦୃଷ୍ଟ ହେବ ନାହିଁ।
\s5
\v 8 ପୁଣି, ସେହି ଦିନ ତୁମ୍ଭେ ଆପଣା ପୁତ୍ରକୁ କହିବ, ‘ମିସରଠାରୁ ଆମ୍ଭେ ବାହାର ହେବା ବେଳେ ସଦାପ୍ରଭୁ ଆମ୍ଭ ପ୍ରତି ଯେଉଁ ଯେଉଁ କର୍ମ କରିଥିଲେ, ସେହିସବୁର ସ୍ମରଣ ନିମନ୍ତେ ଏହା ହୁଏ।
\v 9 ପୁଣି, ସଦାପ୍ରଭୁଙ୍କ ବ୍ୟବସ୍ଥା ଯେପରି ତୁମ୍ଭ ମୁଖରେ ରହିବ, ଏଥିପାଇଁ ଏହା ଚିହ୍ନ ସ୍ୱରୂପେ ତୁମ୍ଭ ହସ୍ତରେ ଓ ସ୍ମରଣର ଉପାୟ ସ୍ୱରୂପ ତୁମ୍ଭ ଚକ୍ଷୁ ଦ୍ୱୟର ମଧ୍ୟସ୍ଥାନରେ ରହିବ; ଯେହେତୁ ସଦାପ୍ରଭୁ ପରାକ୍ରାନ୍ତ ହସ୍ତ ଦ୍ୱାରା ମିସରଠାରୁ ତୁମ୍ଭଙ୍କୁ ବାହାର କରି ଆଣିଅଛନ୍ତି।
\v 10 ଏହେତୁ ସମୟାନୁସାରେ ତୁମ୍ଭେ ପ୍ରତି ବର୍ଷ ଏହି ବିଧି ପାଳନ କରିବ।
\s5
\v 11 ସଦାପ୍ରଭୁ ତୁମ୍ଭ ଓ ତୁମ୍ଭ ପୂର୍ବପୁରୁଷମାନଙ୍କ ନିକଟରେ ଯେଉଁ ଶପଥ କରିଅଛନ୍ତି, ତଦନୁସାରେ ସେ ଯେତେବେଳେ କିଣାନୀୟ ଲୋକମାନଙ୍କର ଦେଶରେ ପ୍ରବେଶ କରାଇ ତୁମ୍ଭଙ୍କୁ ତାହା ଦେବେ;
\v 12 ସେତେବେଳେ ତୁମ୍ଭେ ପ୍ରଥମଜାତ ସମସ୍ତ ଗର୍ଭଫଳ ଓ ତୁମ୍ଭ ପଶୁଠାରୁ ଜାତ ପ୍ରତ୍ୟେକ ପ୍ରଥମ ଗର୍ଭଫଳ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପୃଥକ କରିବ; ପୁଂସନ୍ତାନ ସକଳ ସଦାପ୍ରଭୁଙ୍କର ହେବେ।
\v 13 ପୁଣି, ତୁମ୍ଭେ ମେଷଶାବକ ଦେଇ ପ୍ରତ୍ୟେକ ପ୍ରଥମଜାତ ଗର୍ଦ୍ଦଭକୁ ମୁକ୍ତ କରିବ; ଯଦି ମୁକ୍ତ ନ କରିବ, ତେବେ ତା’ର ବେକ ଭାଙ୍ଗିବ; ମାତ୍ର ତୁମ୍ଭ ପୁତ୍ରମାନଙ୍କ ମଧ୍ୟରୁ ମନୁଷ୍ୟର ପ୍ରଥମଜାତ ସମସ୍ତଙ୍କୁ ମୁକ୍ତ କରିବାକୁ ହେବ।
\s5
\v 14 ଆଉ ଭବିଷ୍ୟତ କାଳରେ ତୁମ୍ଭର ପୁତ୍ର ଯଦି ପଚାରିବ, ଏହା କଅଣ ? ତେବେ ତୁମ୍ଭେ କହିବ, ସଦାପ୍ରଭୁ ଯେତେବେଳେ ଆମ୍ଭମାନଙ୍କୁ ଆପଣା ବାହୁ ବଳ ଦ୍ୱାରା ଦାସଗୃହ ସ୍ୱରୂପ ମିସରଠାରୁ ବାହାର କଲେ,
\v 15 ସେତେବେଳେ ଫାରୋ ଆମ୍ଭମାନଙ୍କୁ ଯିବାକୁ ଦେବା ପାଇଁ କଠିନ ହୁଅନ୍ତେ, ସଦାପ୍ରଭୁ ମିସର ଦେଶସ୍ଥିତ ମନୁଷ୍ୟ ଓ ପଶ୍ୱାଦିର ସମସ୍ତ ପ୍ରଥମଜାତ ସନ୍ତାନମାନଙ୍କୁ ବଧ କରିଥିଲେ; ଏହେତୁ ଆମ୍ଭେ ପ୍ରଥମଜାତ ପୁତ୍ରସନ୍ତାନମାନଙ୍କୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବଳିଦାନ କରୁ; ମାତ୍ର ଆମ୍ଭର ପ୍ରଥମଜାତ ପୁତ୍ର ସମସ୍ତଙ୍କୁ ମୁକ୍ତ କରୁ।
\v 16 ଏହା ଚିହ୍ନ ସ୍ୱରୂପେ ତୁମ୍ଭ ହସ୍ତରେ ଓ ଭୂଷଣ ସ୍ୱରୂପେ ତୁମ୍ଭ ଚକ୍ଷୁ ଦ୍ୱୟର ମଧ୍ୟସ୍ଥାନରେ ରହିବ; ଯେହେତୁ ସଦାପ୍ରଭୁ ବାହୁ ବଳରେ ଆମ୍ଭମାନଙ୍କୁ ମିସରରୁ ବାହାର କରି ଆଣିଲେ।”
\s ମେଘସ୍ତମ୍ଭ ଓ ଅଗ୍ନିସ୍ତମ୍ଭ
\p
\s5
\v 17 ଏଥିଉତ୍ତାରେ ଫାରୋ ଲୋକମାନଙ୍କୁ ଯିବାକୁ ଦିଅନ୍ତେ, ପଲେଷ୍ଟୀୟ ଲୋକମାନଙ୍କର ଦେଶକୁ ଯିବାର ପଥ ନିକଟ ହେଲେ ହେଁ ପରମେଶ୍ୱର ସେହି ପଥରେ ସେମାନଙ୍କୁ ଗମନ କରାଇଲେ ନାହିଁ; ଯେହେତୁ ପରମେଶ୍ୱର କହିଲେ, “ଯେବେ ଲୋକମାନେ ଯୁଦ୍ଧ ଦେଖନ୍ତି ସେମାନେ ଆପଣା ଆପଣାର ମନକୁ ବଦଳାଇ ମିସରକୁ ଫେରିଯାଇ ପାରନ୍ତି।”
\v 18 ଏହେତୁ ପରମେଶ୍ୱର ସେମାନଙ୍କୁ ସୂଫ ସାଗରର ପ୍ରାନ୍ତରଗାମୀ ବକ୍ର ପଥରେ ଗମନ କରାଇଲେ ଓ ଇସ୍ରାଏଲ ସନ୍ତାନଗଣ ସସଜ୍ଜ ହୋଇ ମିସରଠାରୁ ଯାତ୍ରା କଲେ।
\s5
\v 19 ପୁଣି, ମୋଶା ଯୋଷେଫଙ୍କର ଅସ୍ଥି ଆପଣା ସଙ୍ଗେ ନେଲେ; କାରଣ ସେ ଇସ୍ରାଏଲ ସନ୍ତାନଗଣକୁ ଦୃଢ଼ ଶପଥ କରାଇ କହିଥିଲେ, “ପରମେଶ୍ୱର ଅବଶ୍ୟ ତୁମ୍ଭମାନଙ୍କର ତତ୍ତ୍ୱାବଧାନ କରିବେ; ସେ ସମୟରେ ତୁମ୍ଭେମାନେ ଆପଣାମାନଙ୍କ ସହିତ ଆମ୍ଭର ଅସ୍ଥି ଏହି ସ୍ଥାନରୁ ନେଇଯିବ।”
\v 20 ଏଥିଉତ୍ତାରେ ସେମାନେ ସୁକ୍‍କୋତଠାରୁ ଯାତ୍ରା କରି ପ୍ରାନ୍ତର-ଧାରସ୍ଥିତ ଏଥମରେ ଛାଉଣି କଲେ।
\v 21 ସେମାନେ ଯେପରି ଦିବସରେ ଓ ରାତ୍ରିରେ ଯାତ୍ରା କରିପାରିବେ, ଏଥିପାଇଁ ସଦାପ୍ରଭୁ ଦିବସରେ ପଥ କଢ଼ାଇବା ନିମନ୍ତେ ମେଘସ୍ତମ୍ଭରେ ଓ ରାତ୍ରିରେ ଦୀପ୍ତି ଦେବା ନିମନ୍ତେ ଅଗ୍ନିସ୍ତମ୍ଭରେ ଥାଇ ସେମାନଙ୍କ ଆଗେ ଆଗେ ଯାତ୍ରା କଲେ;
\v 22 ସେ ଲୋକମାନଙ୍କ ସମ୍ମୁଖରୁ ଦିବସରେ ମେଘସ୍ତମ୍ଭ ଓ ରାତ୍ରିରେ ଅଗ୍ନିସ୍ତମ୍ଭ ସ୍ଥାନାନ୍ତର କଲେ ନାହିଁ।
\s5
\c 14
\s ସୂଫ ସାଗର ଅତିକ୍ରମ
\p
\v 1 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
\v 2 “ତୁମ୍ଭେ ଇସ୍ରାଏଲ-ସନ୍ତାନଗଣଙ୍କୁ କୁହ, ତୁମ୍ଭେମାନେ ଫେରି ପୀହହୀରୋତର ପୂର୍ବ ଦିଗରେ ମିଗ୍‍ଦୋଲ ଓ ସମୁଦ୍ର ମଧ୍ୟରେ ଛାଉଣି ସ୍ଥାପନ କର; ତୁମ୍ଭେମାନେ ବାଲ-ସଫୋନ ଆଗରେ, ଅର୍ଥାତ୍‍, ତାହାର ସମ୍ମୁଖରେ ସମୁଦ୍ର ନିକଟରେ ଛାଉଣି ସ୍ଥାପନ କର।
\v 3 ତହିଁରେ ଫାରୋ ଇସ୍ରାଏଲ ସନ୍ତାନଗଣ ବିଷୟରେ କହିବ, ସେମାନେ ଦେଶ ମଧ୍ୟରେ ଧନ୍ଦଳା ହୋଇ ରହିଅଛନ୍ତି ଓ ପ୍ରାନ୍ତର ସେମାନଙ୍କ ପଥ ରୁଦ୍ଧ କରିଅଛି।
\s5
\v 4 ଆଉ, ଆମ୍ଭେ ଫାରୋର ହୃଦୟ କଠିନ କରିବା, ତହିଁରେ ସେ ସେମାନଙ୍କ ପଛେ ପଛେ ଦୌଡ଼ିବ; ପୁଣି, ଆମ୍ଭେ ଫାରୋ ଓ ତାହାର ସକଳ ସୈନ୍ୟ ଦ୍ୱାରା ସମ୍ଭ୍ରମ ପାଇବା; ତହିଁରେ ଆମ୍ଭେ ଯେ ସଦାପ୍ରଭୁ, ଏହା ମିସ୍ରୀୟ ଲୋକମାନେ ଜାଣିବେ।” ତହୁଁ ସେମାନେ ସେହିପରି କଲେ।
\v 5 ଏଥିଉତ୍ତାରେ ଲୋକମାନେ ପଳାଇ ଅଛନ୍ତି, ଏହି ସମ୍ବାଦ ମିସ୍ରୀୟ ରାଜାଙ୍କୁ ଜଣାଯାଆନ୍ତେ, ଲୋକମାନଙ୍କ ବିଷୟରେ ଫାରୋଙ୍କର ଓ ତାଙ୍କର ଦାସମାନଙ୍କ ଅନ୍ତଃକରଣ ପରିବର୍ତ୍ତିତ ହେଲା; ତହୁଁ ସେମାନେ କହିଲେ, “ଆମ୍ଭେମାନେ ଏ କି କର୍ମ କରିଅଛୁ ? କାହିଁକି ଇସ୍ରାଏଲକୁ ଆପଣାମାନଙ୍କ ଦାସତ୍ୱରୁ ଛାଡ଼ି ଦେଇଅଛୁ ?”
\s5
\v 6 ତହୁଁ ରାଜା ଆପଣା ରଥ ପ୍ରସ୍ତୁତ କରାଇଲେ ଓ ଆପଣା ଲୋକମାନଙ୍କୁ ସଙ୍ଗରେ ନେଲେ।
\v 7 ପୁଣି, ଛଅଶହ ବଚ୍ଛା ରଥ ଓ ମିସ୍ରୀୟମାନଙ୍କର ସମସ୍ତ ରଥ ଓ ପ୍ରତ୍ୟେକ ରଥରେ ଯୋଦ୍ଧାମାନଙ୍କୁ ନେଲେ।
\v 8 ଆଉ ସଦାପ୍ରଭୁ ମିସ୍ରୀୟ ରାଜା ଫାରୋଙ୍କର ହୃଦୟ କଠିନ କରନ୍ତେ, ସେ ଇସ୍ରାଏଲ ସନ୍ତାନଗଣର ପଛେ ପଛେ ଗୋଡ଼ାଇଲେ; ସେତେବେଳେ ଇସ୍ରାଏଲ ସନ୍ତାନମାନେ ଉର୍ଦ୍ଧ୍ୱ ହସ୍ତରେ ଯାତ୍ରା କରୁଥିଲେ।
\v 9 ତହୁଁ ମିସ୍ରୀୟମାନେ, ଅର୍ଥାତ୍‍, ଫାରୋଙ୍କର ସମସ୍ତ ଅଶ୍ୱ, ରଥ ଓ ଅଶ୍ୱାରୂଢ଼ ସୈନ୍ୟଗଣ ସେମାନଙ୍କ ପଛେ ପଛେ ଦୌଡ଼ି ବାଲ-ସଫୋନ ଅଗ୍ରତେ ପୀହହୀରୋତ ନିକଟରେ ସମୁଦ୍ର ତୀରରେ ସେମାନେ ଛାଉଣି କରିବା ସମୟରେ ସେମାନଙ୍କ ନିକଟରେ ଉପସ୍ଥିତ ହେଲେ।
\s5
\v 10 ଆଉ ଫାରୋ ନିକଟବର୍ତ୍ତୀ ହୁଅନ୍ତେ, ଇସ୍ରାଏଲ ସନ୍ତାନଗଣ ଅନାଇ ଆପଣାମାନଙ୍କ ପଶ୍ଚାତ୍‍ ପଶ୍ଚାତ୍‍ ଆଗମନକାରୀ ମିସ୍ରୀୟମାନଙ୍କୁ ଦେଖି ଅତିଶୟ ଭୀତ ହେଲେ, ପୁଣି, ଇସ୍ରାଏଲ ସନ୍ତାନମାନେ ସଦାପ୍ରଭୁଙ୍କୁ ଡାକ ପକାଇଲେ।
\v 11 ପୁଣି, ମୋଶାଙ୍କୁ କହିଲେ, “ମିସରରେ କବର ନ ଥିଲା ବୋଲି କି ପ୍ରାନ୍ତରରେ ତୁମ୍ଭେ ଆମ୍ଭମାନଙ୍କୁ ମାରିବାକୁ ଆଣିଲ ? ଆମ୍ଭମାନଙ୍କ ସଙ୍ଗରେ ଏରୂପ ବ୍ୟବହାର କରି ଆମ୍ଭମାନଙ୍କୁ ମିସରରୁ କାହିଁକି ବାହାର କରି ଆଣିଲ ?
\v 12 ଆମ୍ଭମାନଙ୍କୁ ରହିବାକୁ ଦିଅ, ଆମ୍ଭେମାନେ ମିସ୍ରୀୟମାନଙ୍କର ଦାସ୍ୟକର୍ମ କରିବା, କାରଣ ପ୍ରାନ୍ତରରେ ମରିବା ଅପେକ୍ଷା ମିସ୍ରୀୟମାନଙ୍କର ସେବା କରିବା ଆମ୍ଭମାନଙ୍କର ମଙ୍ଗଳ, ଆମ୍ଭେମାନେ କି ମିସରରେ ତୁମ୍ଭଙ୍କୁ ଏହି କଥା କହି ନ ଥିଲୁ ?”
\s5
\v 13 ତହୁଁ ମୋଶା ଲୋକମାନଙ୍କୁ କହିଲେ, “ତୁମ୍ଭେମାନେ ଭୟ କର ନାହିଁ, ସୁସ୍ଥିର ହୁଅ; ସଦାପ୍ରଭୁ ଆଜି କିପ୍ରକାରେ ତୁମ୍ଭମାନଙ୍କୁ ଉଦ୍ଧାର କରିବେ, ତାହା ଦେଖ; ତୁମ୍ଭେମାନେ ଆଜି ଯେପରି ମିସ୍ରୀୟମାନଙ୍କୁ ଦେଖୁଅଛ, ସେପରି ଅନନ୍ତ କାଳ ପର୍ଯ୍ୟନ୍ତ ଆଉ କେବେ ଦେଖିବ ନାହିଁ।”
\v 14 ସଦାପ୍ରଭୁ ତୁମ୍ଭମାନଙ୍କ ନିମନ୍ତେ ଯୁଦ୍ଧ କରିବେ, ତୁମ୍ଭେମାନେ ନୀରବ ରହିବ।
\s5
\v 15 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଆମ୍ଭଙ୍କୁ କାହିଁକି ଡାକୁଅଛ ? ଇସ୍ରାଏଲ-ସନ୍ତାନଗଣଙ୍କୁ କୁହ, ସେମାନେ ଅଗ୍ରସର ହେଉନ୍ତୁ।
\v 16 ପୁଣି, ତୁମ୍ଭେ ଆପଣା ଯଷ୍ଟି ଉଠାଅ ଓ ସମୁଦ୍ର ଉପରେ ହସ୍ତ ବିସ୍ତାର କରି ତାହା ଦୁଇ ଭାଗ କର; ତହିଁରେ ଇସ୍ରାଏଲ ସନ୍ତାନଗଣ ଶୁଷ୍କ ପଥ ଦେଇ ସମୁଦ୍ର ମଧ୍ୟରେ ପ୍ରବେଶ କରିବେ।
\v 17 ପୁଣି, ଆମ୍ଭେ, ଦେଖ, ଆମ୍ଭେ ମିସ୍ରୀୟମାନଙ୍କ ହୃଦୟ କଠିନ କରନ୍ତେ, ସେମାନେ ସେମାନଙ୍କ ପଛେ ପଛେ ଯିବେ, ତହିଁରେ ଆମ୍ଭେ ଫାରୋ ଓ ତାହାର ସମସ୍ତ ସୈନ୍ୟ, ରଥ ଓ ଅଶ୍ୱାରୂଢ଼ ଲୋକମାନଙ୍କ ଦ୍ୱାରା ସମ୍ଭ୍ରମ ପ୍ରାପ୍ତ ହେବା।
\v 18 ଆଉ ଫାରୋ, ତାହାର ରଥ ଓ ତାହାର ଅଶ୍ୱାରୂଢ଼ ଲୋକମାନଙ୍କ ଦ୍ୱାରା ସମ୍ଭ୍ରମ ପ୍ରାପ୍ତ ହେଲା ଉତ୍ତାରେ ଆମ୍ଭେ ଯେ ସଦାପ୍ରଭୁ, ଏହା ମିସ୍ରୀୟ ଲୋକମାନେ ଜାଣିବେ।”
\s5
\v 19 ସେତେବେଳେ ଇସ୍ରାଏଲୀୟ ଦଳର ଅଗ୍ରଗାମୀ ପରମେଶ୍ୱରଙ୍କ ଦୂତ ସ୍ଥାନାନ୍ତର ହୋଇ ସେମାନଙ୍କର ପଶ୍ଚାଦ୍‍ଗାମୀ ହେଲେ, ପୁଣି, ମେଘସ୍ତମ୍ଭ ସେମାନଙ୍କ ସମ୍ମୁଖରୁ ସ୍ଥାନାନ୍ତର ହୋଇ ସେମାନଙ୍କ ପଛେ ଛିଡ଼ା ହେଲା।
\v 20 ସେହି ମେଘସ୍ତମ୍ଭ ମିସ୍ରୀୟ ଦଳ ଓ ଇସ୍ରାଏଲୀୟ ଦଳ ମଧ୍ୟକୁ ଆସିଲା, ପୁଣି, ମେଘ ଓ ଅନ୍ଧକାର ହେଲେ ହେଁ ତାହା ରାତ୍ରିକୁ ଆଲୋକମୟ କଲା; ଏଥିପାଇଁ ସମସ୍ତ ରାତ୍ରି ଏକ ଦଳ ଅନ୍ୟ ଦଳ ନିକଟକୁ ଆସି ପାରିଲେ ନାହିଁ।
\s5
\v 21 ଏଥିଉତ୍ତାରେ ମୋଶା ସମୁଦ୍ର ଉପରେ ଆପଣା ହସ୍ତ ବିସ୍ତାର କରନ୍ତେ, ସଦାପ୍ରଭୁ ସେହି ସମସ୍ତ ରାତ୍ରି ପ୍ରବଳ ପୂର୍ବୀୟ ବାୟୁ ଦ୍ୱାରା ସମୁଦ୍ରକୁ ପଶ୍ଚାତ୍‍ ହଟାଇ ଶୁଷ୍କ କଲେ ଓ ଜଳ ଦୁଇ ଭାଗ ହେଲା।
\v 22 ତହିଁରେ ଇସ୍ରାଏଲ ସନ୍ତାନଗଣ ଶୁଷ୍କ ପଥ ଦେଇ ସମୁଦ୍ର ମଧ୍ୟରେ ଗମନ କଲେ, ପୁଣି, ସେମାନଙ୍କ ଦକ୍ଷିଣରେ ଓ ବାମରେ ଜଳ ପ୍ରାଚୀର ତୁଲ୍ୟ ହେଲା।
\s5
\v 23 ଏଥିଉତ୍ତାରେ ମିସ୍ରୀୟମାନେ, ଅର୍ଥାତ୍‍, ଫାରୋଙ୍କର ସମସ୍ତ ଅଶ୍ୱ, ରଥ, ଓ ଅଶ୍ୱାରୂଢ଼ ଲୋକ ସମସ୍ତେ ଦୌଡ଼ି ସେମାନଙ୍କ ପଛେ ପଛେ ସମୁଦ୍ରରେ ପ୍ରବେଶ କଲେ।
\v 24 ମାତ୍ର ରାତ୍ରିର ଶେଷ ପ୍ରହରରେ ସଦାପ୍ରଭୁ ଅଗ୍ନି ଓ ମେଘସ୍ତମ୍ଭ ଦେଇ ମିସ୍ରୀୟମାନଙ୍କ ସୈନ୍ୟକୁ ଅନାଇଲେ ଓ ମିସ୍ରୀୟମାନଙ୍କ ସୈନ୍ୟକୁ ଅସ୍ତବ୍ୟସ୍ତ କଲେ।
\v 25 ସେ ସେମାନଙ୍କ ରଥର ଚକ୍ର ବାହାର କରି ପକାନ୍ତେ, ସେମାନେ ଅତି କଷ୍ଟରେ ରଥ ଚଳାଇଲେ; ତହିଁରେ ମିସ୍ରୀୟ ଲୋକମାନେ କହିଲେ, “ଆସ, ଆମ୍ଭେମାନେ ଇସ୍ରାଏଲ ସମ୍ମୁଖରୁ ପଳାଇ ଯାଉ; କାରଣ ସଦାପ୍ରଭୁ ସେମାନଙ୍କର ସପକ୍ଷ ହୋଇ ମିସ୍ରୀୟମାନଙ୍କ ବିରୁଦ୍ଧରେ ଯୁଦ୍ଧ କରୁଅଛନ୍ତି।”
\s5
\v 26 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ସମୁଦ୍ର ଉପରେ ଆପଣା ହସ୍ତ ବିସ୍ତାର କର; ତହିଁରେ ମିସ୍ରୀୟମାନଙ୍କ, ସେମାନଙ୍କ ରଥ ଓ ଅଶ୍ୱାରୂଢ଼ ଲୋକମାନଙ୍କ ଉପରେ ପୁନର୍ବାର ଜଳ ଆସିବ।”
\v 27 ତହୁଁ ମୋଶା ସମୁଦ୍ର ଉପରେ ହସ୍ତ ବିସ୍ତାର କଲେ, ଆଉ ପ୍ରଭାତ ସମୟକୁ ସମୁଦ୍ର ପୁନର୍ବାର ସମାନ ହେବାକୁ ଲାଗିଲା; ତହୁଁ ମିସ୍ରୀୟମାନେ ଉଜାଣି ପଳାୟନ କରନ୍ତେ, ସଦାପ୍ରଭୁ ସମୁଦ୍ର ମଧ୍ୟରେ ସେମାନଙ୍କୁ ନିକ୍ଷେପ କଲେ।
\v 28 ପୁଣି, ଜଳ ପୁନର୍ବାର ଆସି ସେମାନଙ୍କ ରଥ ଓ ଅଶ୍ୱାରୂଢ଼ ଲୋକମାନଙ୍କୁ ଆଚ୍ଛାଦନ କଲା; ତହିଁରେ ଫାରୋଙ୍କର ଯେଉଁ ସବୁ ସୈନ୍ୟ ସେମାନଙ୍କ ପଛେ ପଛେ ସମୁଦ୍ର ମଧ୍ୟରେ ପ୍ରବେଶ କରିଥିଲେ, ସେମାନଙ୍କ ମଧ୍ୟରୁ ଜଣେ ମଧ୍ୟ ଅବଶିଷ୍ଟ ରହିଲା ନାହିଁ।
\s5
\v 29 ମାତ୍ର ଇସ୍ରାଏଲ ସନ୍ତାନଗଣ ଶୁଷ୍କ ପଥରେ ସମୁଦ୍ର ମଧ୍ୟଦେଇ ଗମନ କଲେ; ପୁଣି, ଜଳ ସେମାନଙ୍କ ବାମ ଓ ଦକ୍ଷିଣରେ ପ୍ରାଚୀର ତୁଲ୍ୟ ହେଲା।
\v 30 ଏହି ପ୍ରକାରେ ସେହି ଦିନ ସଦାପ୍ରଭୁ ମିସ୍ରୀୟମାନଙ୍କ ହସ୍ତରୁ ଇସ୍ରାଏଲଙ୍କୁ ରକ୍ଷା କଲେ ଓ ଇସ୍ରାଏଲ ମିସ୍ରୀୟମାନଙ୍କୁ ସମୁଦ୍ର ତୀରରେ ମୃତ ଦେଖିଲେ।
\v 31 ସଦାପ୍ରଭୁ ମିସ୍ରୀୟମାନଙ୍କ ବିରୁଦ୍ଧରେ ଏହି ଯେଉଁ ମହତ୍ କର୍ମ କଲେ, ତାହା ଇସ୍ରାଏଲ ଦେଖିଲେ; ତହିଁରେ ଲୋକମାନେ ସଦାପ୍ରଭୁଙ୍କୁ ଭୟ କରି ସଦାପ୍ରଭୁଙ୍କଠାରେ ଓ ତାହାଙ୍କ ଦାସ ମୋଶାଙ୍କଠାରେ ବିଶ୍ୱାସ କଲେ।
\s5
\c 15
\s ମୋଶାଙ୍କ ଗୀତ
\p
\v 1 ସେତେବେଳେ ମୋଶା ଓ ଇସ୍ରାଏଲ ସନ୍ତାନଗଣ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏହି ଗୀତ ଗାନ କଲେ, ଯଥା-ଆମ୍ଭେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କରିବା, କାରଣ ସେ ଅତିଶୟ ଉନ୍ନତ ହୋଇଅଛନ୍ତି; ସେ ଅଶ୍ୱ ଓ ଅଶ୍ୱାରୋହୀଙ୍କୁ ସମୁଦ୍ରରେ ନିକ୍ଷେପ କରିଅଛନ୍ତି।
\s5
\v 2 ସଦାପ୍ରଭୁ ଆମ୍ଭର ବଳ ଓ ଗାନ, ପୁଣି, ସେ ଆମ୍ଭର ପରିତ୍ରାଣ ହୋଇଅଛନ୍ତି; ସେ ଆମ୍ଭର ପରମେଶ୍ୱର, ଆମ୍ଭେ ତାହାଙ୍କର ପ୍ରଶଂସା କରିବା; ସେ ଆମ୍ଭର ପୈତୃକ ପରମେଶ୍ୱର, ଆମ୍ଭେ ତାହାଙ୍କର ଗୁଣାନୁବାଦ କରିବା।
\v 3 ସଦାପ୍ରଭୁ ଯୁଦ୍ଧବୀର; ସଦାପ୍ରଭୁ ତାହାଙ୍କର ନାମ।
\s5
\v 4 ସେ ଫାରୋଙ୍କର ରଥ ଓ ସୈନ୍ୟଗଣକୁ ସମୁଦ୍ରରେ ନିକ୍ଷେପ କରିଅଛନ୍ତି; ପୁଣି, ତାଙ୍କର ବଚ୍ଛା ବୀରମାନେ ସୂଫ ସାଗରରେ ନିମଗ୍ନ ହୋଇଅଛନ୍ତି।
\v 5 ଗଭୀର ଜଳ ସେମାନଙ୍କୁ ଆଚ୍ଛାଦନ କରିଅଛି, ସେମାନେ ପ୍ରସ୍ତର ତୁଲ୍ୟ ଅଗାଧ ଜଳରେ ବୁଡ଼ିଗଲେ।
\s5
\v 6 ହେ ସଦାପ୍ରଭୁ, ତୁମ୍ଭର ଦକ୍ଷିଣ ହସ୍ତ ବଳରେ ଗୌରବାନ୍ୱିତ; ହେ ସଦାପ୍ରଭୁ, ତୁମ୍ଭର ଦକ୍ଷିଣ ହସ୍ତ ଶତ୍ରୁକୁ ଚୂର୍ଣ୍ଣ କରେ,
\v 7 ତୁମ୍ଭେ ଆପଣା ଉତ୍କୃଷ୍ଟ ମହିମାରେ ଆପଣା ପ୍ରତିକୂଳାଚାରୀମାନଙ୍କୁ ନିପାତ କରିଥାଅ; ତୁମ୍ଭେ ଆପଣା କ୍ରୋଧାଗ୍ନି ପଠାଅ, ତାହା ସେମାନଙ୍କୁ ନଡ଼ା ପରି ଗ୍ରାସ କରେ।
\v 8 ତୁମ୍ଭ ନାସିକାର ନିଃଶ୍ୱାସ ଦ୍ୱାରା ଜଳ ରାଶୀକୃତ ହେଲା; ସ୍ରୋତସକଳ ସେତୁ ପରି ଛିଡ଼ା ହୋଇ ରହିଲା; ସମୁଦ୍ର ମଧ୍ୟସ୍ଥଳରେ ଗଭୀର ଜଳ ଜମାଟ ହୋଇଗଲା।
\s5
\v 9 ଶତ୍ରୁ କହିଲା : ଆମ୍ଭେ ପଛେ ପଛେ ଗୋଡ଼ାଇବା, ଆମ୍ଭେ ସେମାନଙ୍କୁ ଧରିବା, ଆମ୍ଭେ ଲୁଟିତ ଦ୍ରବ୍ୟ ବିଭାଗ କରି ନେବା; ସେମାନଙ୍କ ଉପରେ ଆମ୍ଭର ଅଭିଳାଷ ପୂର୍ଣ୍ଣ ହେବ; ଆମ୍ଭେ ଆପଣା ଖଡ୍ଗ ନିଷ୍କୋଷ କରିବା, ଆମ୍ଭର ହସ୍ତ ସେମାନଙ୍କୁ ବିନାଶ କରିବ।
\v 10 ମାତ୍ର ତୁମ୍ଭେ ଆପଣା ନିଃଶ୍ୱାସ ଦ୍ୱାରା ଫୁଙ୍କି ଦେଲ, ସମୁଦ୍ର ସେମାନଙ୍କୁ ଆଚ୍ଛାଦନ କଲା, ସେମାନେ ସୀସା ପରି ଗଭୀର ଜଳରେ ବୁଡ଼ିଗଲେ।
\v 11 ହେ ସଦାପ୍ରଭୁ, ଦେବଗଣ ମଧ୍ୟରେ ତୁମ୍ଭ ତୁଲ୍ୟ କିଏ ? ତୁମ୍ଭ ସମାନ ପବିତ୍ରତାରେ ଆଦରଣୀୟ, ପ୍ରଶଂସାରେ ଭୟାନକ ଓ ଆଶ୍ଚର୍ଯ୍ୟକ୍ରିୟାକାରୀ କିଏ ?
\s5
\v 12 ତୁମ୍ଭେ ଆପଣା ଦକ୍ଷିଣ ହସ୍ତ ବିସ୍ତାର କଲ, ପୃଥିବୀ ସେମାନଙ୍କୁ ଗ୍ରାସ କଲା।
\v 13 ତୁମ୍ଭେ ଆପଣା ଦୟାରେ ନିଜ ମୁକ୍ତ ଲୋକମାନଙ୍କୁ ଗମନ କରାଉଅଛ, ତୁମ୍ଭେ ଆପଣା ପରାକ୍ରମରେ ସେମାନଙ୍କୁ ପଥ କଢ଼ାଇ ତୁମ୍ଭ ପବିତ୍ର ନିବାସ ସ୍ଥାନକୁ ନେଇ ଯାଉଅଛ।
\s5
\v 14 ଲୋକମାନେ ଏହା ଶୁଣିଅଛନ୍ତି, ସେମାନେ କମ୍ପୁ ଅଛନ୍ତି; ବେଦନା ପଲେଷ୍ଟୀୟ ନିବାସୀମାନଙ୍କୁ ଆକ୍ରାନ୍ତ କରିଅଛି।
\v 15 ସେତେବେଳେ ଇଦୋମର ରାଜଗଣ ବିହ୍ୱଳ ହେଲେ; କମ୍ପ ମୋୟାବର ବଳବାନ ଲୋକଙ୍କୁ ଆକ୍ରମଣ କରୁଅଛି; କିଣାନ ନିବାସୀ ସମସ୍ତେ ତରଳି ଯାଇଅଛନ୍ତି।
\s5
\v 16 ତ୍ରାସ ଓ ଆଶଙ୍କା ସେମାନଙ୍କ ଉପରେ ପଡ଼ୁଅଛି; ହେ ସଦାପ୍ରଭୁ, ଯେପର୍ଯ୍ୟନ୍ତ ତୁମ୍ଭ ଲୋକମାନେ ଚାଲିଯାଇ ନାହାନ୍ତି, ଯେପର୍ଯ୍ୟନ୍ତ ତୁମ୍ଭ କ୍ରୀତ ଲୋକମାନେ ଚାଲିଯାଇ ନାହାନ୍ତି, ସେପର୍ଯ୍ୟନ୍ତ ତୁମ୍ଭ ବାହୁ ବଳ ଦ୍ୱାରା ସେମାନେ ପ୍ରସ୍ତର ନ୍ୟାୟସ୍ତବ୍‍ଧ ହୋଇ ରହିଅଛନ୍ତି।
\s5
\v 17 ହେ ସଦାପ୍ରଭୁ, ତୁମ୍ଭେ ଆପଣା ନିବାସ ନିମନ୍ତେ ଯେଉଁ ସ୍ଥାନ ପ୍ରସ୍ତୁତ କରିଅଛ, ପ୍ରଭୁ, ତୁମ୍ଭର ହସ୍ତ ଯେଉଁ ଧର୍ମଧାମ ସ୍ଥାପନ କରିଅଛି, ତୁମ୍ଭେ ସେମାନଙ୍କୁ ଆଣି ଆପଣାର ସେହି ଅଧିକାର-ପର୍ବତରେ ରୋପଣ କରିବ।
\v 18 ସଦାପ୍ରଭୁ ଯୁଗାନୁକ୍ରମେ ଅନନ୍ତ କାଳ ରାଜତ୍ୱ କରିବେ।
\s5
\v 19 କାରଣ ଫାରୋଙ୍କର ଅଶ୍ୱ, ରଥ ଓ ଅଶ୍ୱାରୂଢ଼ ଲୋକମାନେ ସମୁଦ୍ର ମଧ୍ୟରେ ପ୍ରବେଶ କରନ୍ତେ, ସଦାପ୍ରଭୁ ସେମାନଙ୍କ ଉପରେ ପୁନର୍ବାର ସମୁଦ୍ର ଜଳ ଆଣିଲେ; ମାତ୍ର ଇସ୍ରାଏଲ ସନ୍ତାନମାନେ ଶୁଷ୍କ ପଥ ଦେଇ ସମୁଦ୍ର ମଧ୍ୟରେ ଗମନ କଲେ।
\v 20 ଏଥିଉତ୍ତାରେ ହାରୋଣଙ୍କର ଭଗିନୀ ଭବିଷ୍ୟଦ୍‍ବକ୍ତ୍ରୀ ମରୀୟମ ହସ୍ତରେ ଦାରା ନେଲେ ଓ ତାଙ୍କର ପଛେ ପଛେ ଅନ୍ୟ ସ୍ତ୍ରୀସକଳ ଦାରା ନେଇ ନୃତ୍ୟ କରୁ କରୁ ବାହାର ହେଲେ।
\v 21 ସେତେବେଳେ ମରୀୟମ ଲୋକମାନଙ୍କୁ ଉତ୍ତର କଲେ, “ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାୟନ କର; କାରଣ ସେ ଅତିଶୟ ଉନ୍ନତ ହୋଇଅଛନ୍ତି; ସେ ଅଶ୍ୱ ଓ ଅଶ୍ୱାରୂଢ଼ ଲୋକମାନଙ୍କୁ ସମୁଦ୍ରରେ ନିକ୍ଷେପ କରିଅଛନ୍ତି।”
\s ତିକ୍ତ ଜଳ
\p
\s5
\v 22 ଏଥିଉତ୍ତାରେ ମୋଶା ଇସ୍ରାଏଲଙ୍କୁ ସୂଫ ସାଗରଠାରୁ ଯାତ୍ରା କରାଇଲେ, ପୁଣି, ସେମାନେ ଶୂର-ପ୍ରାନ୍ତର ଆଡ଼କୁ ଯାତ୍ରା କଲେ, ସେମାନେ ପ୍ରାନ୍ତରରେ ତିନି ଦିନ ଯାତ୍ରା କରି ଜଳ ପାଇଲେ ନାହିଁ।
\v 23 ତହୁଁ ସେମାନେ ମାରାଠାରେ ଉପସ୍ଥିତ ହୁଅନ୍ତେ, ତିକ୍ତତା ହେତୁରୁ ମାରାର ଜଳ ପାନ କରି ପାରିଲେ ନାହିଁ; ଏଣୁ ତାହାର ନାମ ମାରା
\f +
\fr 15:23
\ft ତିକ୍ତତା
\f* ହେଲା।
\s5
\v 24 ସେତେବେଳେ ଲୋକମାନେ ମୋଶାଙ୍କ ବିରୁଦ୍ଧରେ ବଚସା କରି କହିଲେ, “ଆମ୍ଭେମାନେ କଅଣ ପିଇବା ?”
\v 25 ତହିଁରେ ସେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରନ୍ତେ, ସଦାପ୍ରଭୁ ତାଙ୍କୁ ଏକ ପ୍ରକାର କାଷ୍ଠ ଦେଖାଇଲେ, ସେ ତାହା ନେଇ ଜଳରେ ପକାନ୍ତେ, ଜଳ ମିଷ୍ଟ ହେଲା। ସେହି ସ୍ଥାନରେ ସଦାପ୍ରଭୁ ସେମାନଙ୍କ ନିମନ୍ତେ ବିଧି ଓ ଆଦେଶ ନିରୂପଣ କଲେ, ପୁଣି, ସେମାନଙ୍କର ପରୀକ୍ଷା ନେଇ କହିଲେ,
\v 26 “ତୁମ୍ଭେ ଯଦି ଆପଣା ସଦାପ୍ରଭୁ ପରମେଶ୍ୱରଙ୍କ ବାକ୍ୟରେ ମନୋଯୋଗ କର, ତାହାଙ୍କ ଦୃଷ୍ଟିରେ ଯାହା ଉଚିତ ତାହା କର, ତାହାଙ୍କ ଆଜ୍ଞାରେ କର୍ଣ୍ଣ ଦିଅ ଓ ତାହାଙ୍କ ବିଧି ସମସ୍ତ ପାଳନ କର, ତେବେ ଆମ୍ଭେ ମିସ୍ରୀୟ ଲୋକମାନଙ୍କୁ ଯେସବୁ ରୋଗ ଭୋଗ କରାଇଲୁ, ତାହାସବୁ ତୁମ୍ଭମାନଙ୍କୁ ଭୋଗ କରିବାକୁ ଦେବା ନାହିଁ; କାରଣ ଆମ୍ଭେ ସଦାପ୍ରଭୁ ତୁମ୍ଭର ଆରୋଗ୍ୟକାରୀ।”
\s5
\v 27 ଏଥିଉତ୍ତାରେ ସେମାନେ ଏଲୀମଠାରେ ଉପସ୍ଥିତ ହେଲେ; ସେଠାରେ ଜଳର ବାର ନିର୍ଝର ଓ ସତୁରି ଖର୍ଜ୍ଜୁର ବୃକ୍ଷ ଥିଲା; ତହିଁରେ ସେମାନେ ସେହି ଜଳ ନିକଟରେ ଛାଉଣି ସ୍ଥାପନ କଲେ।
\s5
\c 16
\s ସ୍ୱର୍ଗୀୟ ଆହାର ମାନ୍ନା
\p
\v 1 ଏଥିଉତ୍ତାରେ ସେମାନେ ଏଲୀମଠାରୁ ଯାତ୍ରା କଲେ, ଆଉ ମିସର ଦେଶରୁ ପ୍ରସ୍ଥାନ କଲା ଉତ୍ତାରେ ଦ୍ୱିତୀୟ ମାସର ପଞ୍ଚଦଶ ଦିନରେ ଇସ୍ରାଏଲ ସନ୍ତାନଗଣର ସମସ୍ତ ମଣ୍ଡଳୀ ଏଲୀମ ଓ ସୀନୟର ମଧ୍ୟବର୍ତ୍ତୀ ସୀନ୍‍ ପ୍ରାନ୍ତରରେ ଉପସ୍ଥିତ ହେଲେ।
\v 2 ସେତେବେଳେ ଇସ୍ରାଏଲ ସନ୍ତାନମାନଙ୍କ ସମସ୍ତ ମଣ୍ଡଳୀ ମୋଶା ଓ ହାରୋଣଙ୍କ ବିରୁଦ୍ଧରେ ପ୍ରାନ୍ତରରେ ବଚସା କଲେ।
\v 3 ପୁଣି, ଇସ୍ରାଏଲ ସନ୍ତାନଗଣ ସେମାନଙ୍କୁ କହିଲେ, “ହାୟ, ହାୟ, ଆମ୍ଭେମାନେ ଯେତେବେଳେ ମାଂସ ହାଣ୍ଡି ପାଖରେ ବସି ତୃପ୍ତି ପର୍ଯ୍ୟନ୍ତ ଅନ୍ନ ଭୋଜନ କରୁଥିଲୁ, ସେତେବେଳେ ଯଦି ଆମ୍ଭେମାନେ ମିସର ଦେଶରେ ସଦାପ୍ରଭୁଙ୍କ ହସ୍ତରେ ମରିଥା’ନ୍ତୁ। ତୁମ୍ଭେମାନେ ଏହି ସମସ୍ତ ମଣ୍ଡଳୀକୁ କ୍ଷୁଧାରେ ମାରିବା ପାଇଁ ଆମ୍ଭମାନଙ୍କୁ ବାହାର କରି ଏହି ପ୍ରାନ୍ତରକୁ ଆଣିଅଛ।”
\s5
\v 4 ତହୁଁ ସଦାପ୍ରଭୁ ମୋଶାଙ୍କୁ କହିଲେ, “ଦେଖ, ଆମ୍ଭେ ତୁମ୍ଭମାନଙ୍କ ନିମନ୍ତେ ଆକାଶରୁ ଖାଦ୍ୟଦ୍ରବ୍ୟ ବୃଷ୍ଟି କରିବା; ପୁଣି, ଲୋକମାନେ ବାହାରକୁ ଯାଇ ପ୍ରତିଦିନ ଦିନର ନିରୂପିତ ପରିମାଣାନୁସାରେ ଖାଦ୍ୟ ସଂଗ୍ରହ କରିବେ; ତହିଁରେ ସେମାନେ ଆମ୍ଭର ବ୍ୟବସ୍ଥାନୁସାରେ ଚାଲିବେ କି ନାହିଁ, ଆମ୍ଭେ ସେମାନଙ୍କର ଏହି ପରୀକ୍ଷା ନେବା।
\v 5 ଷଷ୍ଠ ଦିନରେ ସେମାନେ ଯାହା ଆଣିବେ, ତାହା ରାନ୍ଧିଲେ ଦିନକୁ ଦିନ ଯାହା ସଂଗ୍ରହ କରନ୍ତି, ତାହା ଦୁଇଗୁଣ ହେବ।”
\s5
\v 6 ଏଥିଉତ୍ତାରେ ମୋଶା ଓ ହାରୋଣ ଇସ୍ରାଏଲ ସନ୍ତାନଗଣକୁ କହିଲେ, “ସଦାପ୍ରଭୁ ଯେ ତୁମ୍ଭମାନଙ୍କୁ ମିସରଠାରୁ ବାହାର କରି ଆଣିଅଛନ୍ତି, ଏହା ତୁମ୍ଭେମାନେ ସନ୍ଧ୍ୟା କାଳରେ ଜାଣିବ।
\v 7 ପୁଣି, ପ୍ରାତଃ କାଳରେ ସଦାପ୍ରଭୁଙ୍କର ମହିମା ଦେଖିବ; ଯେହେତୁ ସଦାପ୍ରଭୁଙ୍କ ବିରୁଦ୍ଧରେ ତୁମ୍ଭମାନଙ୍କ ବଚସା ସେ ଶୁଣନ୍ତି; ଆମ୍ଭେମାନେ କିଏ ଯେ, ତୁମ୍ଭେମାନେ ଆମ୍ଭମାନଙ୍କ ବିରୁଦ୍ଧରେ ବଚସା କର ?”
\v 8 ଆହୁରି ମୋଶା କହିଲେ, “ସଦାପ୍ରଭୁ ସନ୍ଧ୍ୟା କାଳରେ ଭୋଜନ ନିମନ୍ତେ ତୁମ୍ଭମାନଙ୍କୁ ମାଂସ ଦେବେ ଓ ପ୍ରାତଃ କାଳରେ ତୃପ୍ତି ପର୍ଯ୍ୟନ୍ତ ଅନ୍ନ ଦେବେ; କାରଣ ସଦାପ୍ରଭୁଙ୍କ ବିରୁଦ୍ଧରେ କରିଥିବା ତୁମ୍ଭମାନଙ୍କର ବଚସା ସେ ଶୁଣନ୍ତି। ଆମ୍ଭେମାନେ କିଏ ? ତୁମ୍ଭମାନଙ୍କର ବଚସା ଆମ୍ଭମାନଙ୍କ ବିରୁଦ୍ଧରେ ନୁହେଁ ମାତ୍ର ସଦାପ୍ରଭୁଙ୍କ ବିରୁଦ୍ଧରେ ହୁଏ।”
\s5
\v 9 ଆଉ ମୋଶା ହାରୋଣଙ୍କୁ କହିଲେ, “ତୁମ୍ଭେ ଇସ୍ରାଏଲ ସନ୍ତାନଗଣର ସମସ୍ତ ମଣ୍ଡଳୀକୁ କୁହ, ତୁମ୍ଭେମାନେ ସଦାପ୍ରଭୁଙ୍କ ଛାମୁକୁ ଆସ, ସେ ତୁମ୍ଭମାନଙ୍କର ବଚସା ଶୁଣିଅଛନ୍ତି।”
\v 10 ତହିଁରେ ହାରୋଣ ଇସ୍ରାଏଲ ସନ୍ତାନଗଣର ସମସ୍ତ ମଣ୍ଡଳୀକୁ ଏହା କହିବା ସମୟରେ ସେମାନେ ପ୍ରାନ୍ତର ଆଡ଼େ ଅନାନ୍ତେ, ଦେଖ, ମେଘସ୍ତମ୍ଭ ମଧ୍ୟରେ ସଦାପ୍ରଭୁଙ୍କର ପ୍ରତାପ ଦେଖାଗଲା।
\v 11 ପୁଣି, ସଦାପ୍ରଭୁ ମୋଶାଙ୍କୁ କହିଲେ,
\v 12 “ଆମ୍ଭେ ଇସ୍ରାଏଲ ସନ୍ତାନଗଣର ବଚସା ଶୁଣିଅଛୁ; ତୁମ୍ଭେ ସେମାନଙ୍କୁ କୁହ, ତୁମ୍ଭେମାନେ ସନ୍ଧ୍ୟା ସମୟରେ ମାଂସ ଭୋଜନ କରିବ ଓ ପ୍ରଭାତରେ ଅନ୍ନରେ ପରିତୃପ୍ତ ହେବ; ତହିଁରେ ଆମ୍ଭେ ଯେ ତୁମ୍ଭମାନଙ୍କର ସଦାପ୍ରଭୁ ପରମେଶ୍ୱର ଅଟୁ, ତାହା ତୁମ୍ଭେମାନେ ଜାଣିବ।”
\s5
\v 13 ଏଥିଉତ୍ତାରେ ସନ୍ଧ୍ୟା ସମୟରେ ଭାଟୋଇ ପକ୍ଷୀଗଣ ଆସି ଛାଉଣି-ସ୍ଥାନ ଆଚ୍ଛାଦନ କଲେ, ପୁଣି, ପ୍ରାତଃ କାଳରେ ଛାଉଣି ସ୍ଥାନର ଚାରିଆଡ଼େ କାକର ପଡ଼ିଲା।
\v 14 ଏଉତ୍ତାରେ ପତିତ କାକର ଉର୍ଦ୍ଧ୍ୱଗତ ହେଲାରୁ ଭୂମିସ୍ଥିତ କାକରପରି ଗୋଲାକାର କ୍ଷୁଦ୍ର ଦ୍ରବ୍ୟ ପ୍ରାନ୍ତର ଉପରେ ପଡ଼ି ରହିଲା।
\v 15 ଆଉ ଇସ୍ରାଏଲ ସନ୍ତାନଗଣ ତାହା ଦେଖି ପରସ୍ପରକୁ କହିଲେ, “ଏହା କ’ଣ ଅଟେ ?”
\f +
\fr 16:15
\fq “ଏହା କ’ଣ ଅଟେ ?”
\ft ଏବ୍ରୀ ଭାଷାରେ ମାନ୍‍-ହୁ
\f* ଯେହେତୁ ତାହା କ’ଣ ଥିଲା, ସେମାନେ ଜାଣିଲେ ନାହିଁ। ତହିଁରେ ମୋଶା କହିଲେ, “ଏହା ତୁମ୍ଭମାନଙ୍କ ଭୋଜନ ନିମନ୍ତେ ସଦାପ୍ରଭୁଙ୍କ ଦତ୍ତ ଅନ୍ନ।”
\s5
\v 16 ଏ ବିଷୟରେ ସଦାପ୍ରଭୁ ଆଜ୍ଞା ଦେଇଅଛନ୍ତି, ତୁମ୍ଭେମାନେ ପ୍ରତ୍ୟେକ ଜଣ ଆପଣା ଆପଣା ଭୋଜନ ଶକ୍ତି ବୁଝି ତାହା ସଂଗ୍ରହ କର; ତୁମ୍ଭମାନଙ୍କ ପ୍ରତ୍ୟେକ ଜଣ ଆପଣା ଆପଣା ତମ୍ବୁସ୍ଥିତ ପ୍ରାଣୀମାନଙ୍କ ସଂଖ୍ୟାନୁସାରେ ଏକ ଏକ ଜଣ ପାଇଁ ଏକ ଏକ ଓମର
\f +
\fr 16:16
\ft ପ୍ରାୟ 2.3 ଲିଟର
\f* ପରିମାଣରେ ତାହା ସଂଗ୍ରହ କର।
\v 17 ତହିଁରେ ଇସ୍ରାଏଲ ସନ୍ତାନମାନେ ସେହି ପ୍ରକାର କଲେ; କେହି ଅଧିକ ଓ କେହି ଅଳ୍ପ ସଞ୍ଚୟ କଲେ।
\v 18 ଏଥିଉତ୍ତାରେ ସେମାନେ ଓମରରେ ତାହା ପରିମାଣ କରନ୍ତେ; ଯେ ଅଧିକ ସଂଗ୍ରହ କରିଥିଲା, ତାହାର ବଳକା ହେଲା ନାହିଁ, ପୁଣି, ଯେ ଅଳ୍ପ ସଂଗ୍ରହ କରିଥିଲା, ତାହାର ଅଭାବ ହେଲା ନାହିଁ; ଏହି ପ୍ରକାରେ ସେମାନେ ଭୋଜନ ଶକ୍ତି ଅନୁସାରେ ସଂଗ୍ରହ କଲେ।
\s5
\v 19 ଏଥିଉତ୍ତାରେ ମୋଶା ସେମାନଙ୍କୁ କହିଲେ, “ତୁମ୍ଭେମାନେ କେହି ପ୍ରାତଃ କାଳ ପର୍ଯ୍ୟନ୍ତ କିଛି ରଖ ନାହିଁ।”
\v 20 ତଥାପି ସେମାନେ ମୋଶାଙ୍କର କଥା ନ ମାନି କେହି କେହି ପ୍ରଭାତ ପର୍ଯ୍ୟନ୍ତ କିଛି କିଛି ରଖିଲେ; ମାତ୍ର ତହିଁରେ ପୋକ ଜନ୍ମିଲା ଓ ଦୁର୍ଗନ୍ଧ ହେଲା। ଏଣୁ ମୋଶା ସେମାନଙ୍କ ଉପରେ କ୍ରୋଧ କଲେ।
\v 21 ଏହିରୂପେ ପ୍ରତିଦିନ ପ୍ରାତଃ କାଳରେ ସେମାନେ ଆପଣା ଆପଣା ଭୋଜନ ଶକ୍ତି ଅନୁସାରେ ତାହା ସଂଗ୍ରହ କଲେ; ମାତ୍ର ପ୍ରଚଣ୍ଡ ଖରା ହୁଅନ୍ତେ, ତାହା ତରଳି ଗଲା।
\s5
\v 22 ଏଥିଉତ୍ତାରେ ଷଷ୍ଠ ଦିନରେ ସେମାନେ ଦୁଇଗୁଣ, ଅର୍ଥାତ୍‍, ପ୍ରତି ଜଣ ଦୁଇ ଦୁଇ ଓମର ଅନ୍ନ ସଂଗ୍ରହ କଲେ, ତହିଁରେ ମଣ୍ଡଳୀର ଅଧ୍ୟକ୍ଷ ସମସ୍ତେ ଆସି ମୋଶାଙ୍କୁ ଜଣାଇଲେ।
\v 23 ସେତେବେଳେ ମୋଶା ସେମାନଙ୍କୁ କହିଲେ, “ସଦାପ୍ରଭୁ ତାହା କହିଅଛନ୍ତି, ଯଥା, କାଲି ମହା ବିଶ୍ରାମ ଦିନ, ଅର୍ଥାତ୍‍, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ବିଶ୍ରାମ ହେବ; ଏହେତୁ ତୁମ୍ଭମାନଙ୍କର ଯାହା ଭାଜିବାର, ତାହା ଭାଜ; ଯାହା ପାକ କରିବାର, ତାହା ପାକ କର; ପୁଣି, ଯାହା କିଛି ଅବଶିଷ୍ଟ ରହେ, ତାହା ପ୍ରଭାତ ପର୍ଯ୍ୟନ୍ତ ସଞ୍ଚୟ କରି ରଖ।”
\s5
\v 24 ତହିଁରେ ସେମାନେ ମୋଶାଙ୍କର ଆଜ୍ଞାନୁସାରେ ପ୍ରଭାତ ପର୍ଯ୍ୟନ୍ତ ତାହା ରଖିଲେ, ଆଉ ତାହା ଦୁର୍ଗନ୍ଧ ହେଲା ନାହିଁ, କି ତହିଁରେ କୌଣସି ପୋକ ଜନ୍ମିଲା ନାହିଁ।
\v 25 ଏଥିଉତ୍ତାରେ ମୋଶା କହିଲେ, “ଆଜି ତୁମ୍ଭେମାନେ ତାହା ଭୋଜନ କର, ଯେହେତୁ ଆଜି ସଦାପ୍ରଭୁଙ୍କର ବିଶ୍ରାମବାର; ଆଜି କ୍ଷେତରେ ତାହା ପାଇବ ନାହିଁ।
\s5
\v 26 ତୁମ୍ଭେମାନେ ଛଅ ଦିନ ତାହା ସଂଗ୍ରହ କରିବ, ମାତ୍ର ସପ୍ତମ ଦିନ ବିଶ୍ରାମବାର ଅଟେ, ତହିଁରେ କିଛି ମିଳିବ ନାହିଁ।”
\v 27 ତଥାପି ସପ୍ତମ ଦିନରେ ମଧ୍ୟ କେହି କେହି ତାହା ସଂଗ୍ରହ କରିବାକୁ ଗଲେ, ମାତ୍ର କିଛି ପାଇଲେ ନାହିଁ।
\s5
\v 28 ତହିଁରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେମାନେ ଆମ୍ଭର ଆଜ୍ଞା ଓ ବ୍ୟବସ୍ଥା ପାଳନ କରିବାକୁ କେତେ କାଳ ଅସମ୍ମତ ଥିବ ?
\v 29 ଦେଖ, ସଦାପ୍ରଭୁ ତୁମ୍ଭମାନଙ୍କୁ ବିଶ୍ରାମ ଦିନ ଦେବା ସକାଶୁ ସେ (ସଦାପ୍ରଭୁ) ତୁମ୍ଭମାନଙ୍କୁ ଷଷ୍ଠ ଦିନରେ ଦୁଇ ଦିନର ଖାଦ୍ୟ ଦିଅନ୍ତି; ତୁମ୍ଭେମାନେ ପ୍ରତି ଜଣ ସପ୍ତମ ଦିନରେ ଆପଣା ଆପଣା ସ୍ଥାନରୁ ବାହାରକୁ ନ ଯାଇ ସ୍ୱ ସ୍ୱ ସ୍ଥାନରେ ଥାଅ।”
\v 30 ତେବେ ଲୋକମାନେ ସପ୍ତମ ଦିନରେ ବିଶ୍ରାମ କଲେ।
\s5
\v 31 ପୁଣି, ଇସ୍ରାଏଲ ବଂଶ ସେହି ଖାଦ୍ୟର ନାମ ମାନ୍ନା ଦେଲେ; ତାହା ଧନିଆ ପରି ଶୁକ୍ଳବର୍ଣ୍ଣ ଓ ତାହାର ଆସ୍ୱାଦ ମଧୁ ମିଶ୍ରିତ ରୁଟି ତୁଲ୍ୟ ଥିଲା।
\v 32 ଏଥିଉତ୍ତାରେ ମୋଶା କହିଲେ, “ସଦାପ୍ରଭୁ ଏହି ଆଜ୍ଞା ଦେଇଅଛନ୍ତି, ସେ ତୁମ୍ଭମାନଙ୍କୁ ମିସର ଦେଶଠାରୁ ଆଣିବା ସମୟରେ ପ୍ରାନ୍ତର ମଧ୍ୟରେ ଯେଉଁ ଅନ୍ନ ଭୋଜନ କରାଇଲେ, ତାହା ଯେପରି ତୁମ୍ଭମାନଙ୍କ ପୁରୁଷ-ପରମ୍ପରା ଦେଖନ୍ତି, ଏହେତୁ ସେମାନଙ୍କ ନିମନ୍ତେ ଏକ ଓମର ପରିମାଣ ମାନ୍ନା ରଖ।”
\s5
\v 33 ସେତେବେଳେ ମୋଶା ହାରୋଣଙ୍କୁ କହିଲେ, “ତୁମ୍ଭେ ଗୋଟିଏ ପାତ୍ର ନେଇ ଏକ ଓମର ପରିମାଣ ମାନ୍ନା ପୂର୍ଣ୍ଣ କରି ସଦାପ୍ରଭୁଙ୍କ ସମ୍ମୁଖରେ ରଖ; ତାହା ତୁମ୍ଭମାନଙ୍କ ପୁରୁଷ-ପରମ୍ପରା ନିମନ୍ତେ ରଖାଯିବ।”
\v 34 ତହୁଁ ହାରୋଣ ମୋଶାଙ୍କ ପ୍ରତି ଉକ୍ତ ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସାକ୍ଷ୍ୟ ସିନ୍ଦୁକ ନିକଟରେ ରଖାଯିବା ନିମିତ୍ତ ତାହା ସଞ୍ଚୟ କରି ରଖିଲେ।
\v 35 ଇସ୍ରାଏଲ ସନ୍ତାନମାନେ ବସତି ଦେଶରେ ଉପସ୍ଥିତ ନ ହେବା ଯାଏ ଚାଳିଶ ବର୍ଷ ପର୍ଯ୍ୟନ୍ତ ସେହି ମାନ୍ନା ଭୋଜନ କଲେ ଓ କିଣାନ ଦେଶର ସୀମାରେ ଉପସ୍ଥିତ ନ ହେବା ଯାଏ ସେମାନେ ତାହା ଖାଇଲେ।
\v 36 ଏକ ଓମର ଐଫାର
\f +
\fr 16:36
\ft ଅର୍ଥାତ୍ 23 ଲିଟର
\f* ଦଶମାଂଶ।
\s5
\c 17
\s ପ୍ରସ୍ତରରୁ ଜଳ
\p
\v 1 ଏଥିଉତ୍ତାରେ ଇସ୍ରାଏଲ ସନ୍ତାନଗଣର ସମସ୍ତ ମଣ୍ଡଳୀ ସୀନ୍‍ ପ୍ରାନ୍ତରରୁ ଯାତ୍ରା କରି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ନିରୂପିତ ସକଳ ଉତ୍ତରଣ-ସ୍ଥାନ ଦେଇ ରଫୀଦୀମରେ ଛାଉଣି ସ୍ଥାପନ କଲେ; ମାତ୍ର ସେ ସ୍ଥାନରେ ଲୋକମାନଙ୍କର ପାନ କରିବାକୁ ଜଳ ନ ଥିଲା।
\v 2 ଏଥିପାଇଁ ଲୋକମାନେ ମୋଶାଙ୍କ ସଙ୍ଗରେ ବିବାଦ କରି କହିଲେ, “ଆମ୍ଭମାନଙ୍କୁ ଜଳ ଦିଅ, ଆମ୍ଭେମାନେ ପାନ କରିବୁ।” ତହିଁରେ ମୋଶା କହିଲେ, “ତୁମ୍ଭେମାନେ ମୋ’ ସଙ୍ଗରେ କାହିଁକି ବିବାଦ କର ? କାହିଁକି ସଦାପ୍ରଭୁଙ୍କୁ ପରୀକ୍ଷା କର ?”
\v 3 ସେତେବେଳେ ଲୋକମାନେ ସେହି ସ୍ଥାନରେ ଜଳାଭାବ ହେତୁ ତୃଷାକୂଳ ହୋଇ ମୋଶାଙ୍କ ବିରୁଦ୍ଧରେ ବଚସା କରି କହିଲେ, “କାହିଁକି ତୁମ୍ଭେ ଆମ୍ଭମାନଙ୍କୁ, ଆମ୍ଭମାନଙ୍କ ସନ୍ତାନମାନଙ୍କୁ ଓ ପଶୁଗଣକୁ ପିପାସାରେ ମାରିବା ନିମନ୍ତେ ମିସରଠାରୁ ଆଣିଅଛ ?”
\s5
\v 4 ତହିଁରେ ମୋଶା ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରି କହିଲେ, “ମୁଁ ଏହି ଲୋକମାନଙ୍କ ନିମନ୍ତେ କ’ଣ କରିବି ? ସେମାନେ ମୋତେ ପଥର ପକାଇ ମାରିବାକୁ ପ୍ରାୟ ଉଦ୍ୟତ।”
\v 5 ତହୁଁ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଯଦ୍ଵାରା ନୀଳ ନଦୀକୁ ଆଘାତ କରିଥିଲ, ସେହି ଯଷ୍ଟି ହସ୍ତରେ ଘେନି ଇସ୍ରାଏଲର କେତେକ ପ୍ରାଚୀନଙ୍କ ସଙ୍ଗେ ଇସ୍ରାଏଲ-ଲୋକମାନଙ୍କ ଆଗେ ଆଗେ ଯାଅ।
\v 6 ଦେଖ, ଆମ୍ଭେ ହୋରେବରେ ସେହି ଶୈଳ ଉପରେ ତୁମ୍ଭ ସମ୍ମୁଖରେ ଠିଆ ହେବା; ତୁମ୍ଭେ ସେହି ଶୈଳକୁ ଆଘାତ କଲେ, ତହିଁରୁ ଜଳ ନିର୍ଗତ ହେବ, ଆଉ ଲୋକମାନେ ତାହା ପାନ କରିବେ; ତେବେ ମୋଶା ଇସ୍ରାଏଲର ପ୍ରାଚୀନବର୍ଗଙ୍କ ଦୃଷ୍ଟିରେ ସେହିରୂପ କଲେ।
\v 7 ପୁଣି, ସେହି ସ୍ଥାନରେ ଇସ୍ରାଏଲ ସନ୍ତାନଗଣର ବିବାଦ ସକାଶୁ ଓ ସଦାପ୍ରଭୁ ଆମ୍ଭମାନଙ୍କ ମଧ୍ୟରେ ଅଛନ୍ତି କି ନାହିଁ, ଏହା କହି ସଦାପ୍ରଭୁଙ୍କୁ ପରୀକ୍ଷା କରିବା ସକାଶୁ ସେ ସେହି ସ୍ଥାନର ନାମ ମଃସା
\f +
\fr 17:7
\ft ଅର୍ଥାତ୍ ପରୀକ୍ଷା
\f* ଓ ମିରୀବାଃ
\f +
\fr 17:7
\ft ଅର୍ଥାତ୍ ବିବାଦ
\f* ରଖିଲେ।”
\s ଅମାଲେକୀୟମାନଙ୍କ ପରାଜୟ
\p
\s5
\v 8 ସେହି ସମୟରେ ଅମାଲେକ ଆସି ରଫୀଦୀମରେ ଇସ୍ରାଏଲ ସହିତ ଯୁଦ୍ଧ କଲେ।
\v 9 ତହିଁରେ ମୋଶା ଯିହୋଶୂୟଙ୍କୁ କହିଲେ, “ତୁମ୍ଭେ ଆମ୍ଭମାନଙ୍କ ନିମନ୍ତେ ଲୋକ ମନୋନୀତ କରି ଅମାଲେକ ସହିତ ଯୁଦ୍ଧ କରିବାକୁ ଯାଅ; ଆସନ୍ତାକାଲି ମୁଁ ଆପଣା ହସ୍ତରେ ପରମେଶ୍ୱରଙ୍କ ଯଷ୍ଟିଘେନି ପର୍ବତ ଶୃଙ୍ଗରେ ଠିଆ ହେବି।”
\v 10 ତହୁଁ ମୋଶାଙ୍କ ଆଜ୍ଞାନୁସାରେ ଯିହୋଶୂୟ ଅମାଲେକ ସହିତ ଯୁଦ୍ଧ କଲେ, ପୁଣି, ମୋଶା ଓ ହାରୋଣ, ହୂର ପର୍ବତ ଶୃଙ୍ଗରେ ଆରୋହଣ କଲେ।
\s5
\v 11 ପୁଣି, ମୋଶା ଆପଣା ହସ୍ତ ଉର୍ଦ୍ଧ୍ୱକୁ ଟେକିଥିବା ସମୟରେ ଇସ୍ରାଏଲ ଜୟୀ ହେଲେ ଓ ସେ ଆପଣା ହସ୍ତ ନୁଆଁଇଥିବା ସମୟରେ ଅମାଲେକ ଜୟୀ ହେଲେ।
\v 12 ମାତ୍ର ମୋଶାଙ୍କର ହସ୍ତ ଭାରୀ ହେଲା; ଏହେତୁ ସେମାନେ ଖଣ୍ଡିଏ ପ୍ରସ୍ତର ଆଣି ତାହା ତଳେ ରଖନ୍ତେ, ମୋଶା ତହିଁ ଉପରେ ବସିଲେ, ପୁଣି, ହାରୋଣ ଓ ହୂର ଜଣେ ଏପାଖେ ଆଉ ଜଣେ ସେପାଖେ ତାଙ୍କର ହାତ ଟେକି ଧରିଲେ; ତହିଁରେ ସୂର୍ଯ୍ୟାସ୍ତ ପର୍ଯ୍ୟନ୍ତ ତାଙ୍କର ହସ୍ତ ସ୍ଥିର ରହିଲା।
\v 13 ଏଣୁ ଯିହୋଶୂୟ ଅମାଲେକକୁ ଓ ତାହାର ଲୋକମାନଙ୍କୁ ଖଡ୍ଗଧାରରେ ପରାସ୍ତ କଲେ।
\s5
\v 14 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ଏହି କଥା ସ୍ମରଣାର୍ଥେ ପୁସ୍ତକରେ ଲେଖି ରଖ, ପୁଣି, ଯିହୋଶୂୟର କର୍ଣ୍ଣଗୋଚରରେ ତାହା ପାଠ କର; ଯଥା, ଆମ୍ଭେ ଆକାଶ ତଳରୁ ଅମାଲେକର ସ୍ମରଣ ଲୋପ କରିବା।”
\v 15 ତହିଁରେ ମୋଶା ଗୋଟିଏ ବେଦି ନିର୍ମାଣ କରି ତହିଁର ନାମ ଯିହୋବାଃ-ନିଃଷି
\f +
\fr 17:15
\ft ଅର୍ଥାତ୍ ସଦାପ୍ରଭୁ ମୋହର ଧ୍ୱଜା
\f* ରଖିଲେ।
\v 16 ପୁଣି, ସେ ସଦାପ୍ରଭୁଙ୍କ ଧ୍ୱଜାରେ ହସ୍ତ ଦେଇ କହିଲେ, “ପୁରୁଷାନୁକ୍ରମେ ଅମାଲେକ ସହିତ ସଦାପ୍ରଭୁଙ୍କର ଯୁଦ୍ଧ ହେବ।”
\s5
\c 18
\s ଯିଥ୍ରୋଙ୍କ ପରାମର୍ଶ
\p
\v 1 ଏଥିଉତ୍ତାରେ ପରମେଶ୍ୱର ମୋଶାଙ୍କ ନିମନ୍ତେ ଓ ଆପଣା ଲୋକ ଇସ୍ରାଏଲ ନିମନ୍ତେ ଯେଉଁ ଯେଉଁ କର୍ମ କରିଅଛନ୍ତି, ବିଶେଷରେ ସଦାପ୍ରଭୁ ଇସ୍ରାଏଲ ବଂଶକୁ ମିସରଠାରୁ କିପରି ବାହାର କରି ଆଣିଅଛନ୍ତି, ଏହିସବୁ କଥା ମୋଶାଙ୍କର ଶ୍ୱଶୁର ମିଦୀୟନୀୟ ଯାଜକ ଯିଥ୍ରୋ ଶୁଣିବାକୁ ପାଇଲେ।
\v 2 ତହିଁରେ ମୋଶାଙ୍କର ଶ୍ୱଶୁର ସେହି ଯିଥ୍ରୋ ଆପଣା ଗୃହକୁ ପ୍ରେରିତା ମୋଶାଙ୍କର ଭାର୍ଯ୍ୟା ସିପ୍‍ପୋରାକୁ ଓ ତାହାର ଦୁଇ ପୁତ୍ରଙ୍କୁ ସଙ୍ଗରେ ନେଲେ।
\v 3 ସେହି ଦୁଇ ପୁତ୍ର ମଧ୍ୟରେ ଜଣକର ନାମ ଗେର୍ଶୋମ,
\f +
\fr 18:3
\ft ଅର୍ଥାତ୍ ଏହି ସ୍ଥାନରେ ପ୍ରବାସୀ
\f* କାରଣ ସେ କହିଥିଲେ, “ମୁଁ ପରଦେଶରେ ପ୍ରବାସୀ ହେଲି।”
\v 4 ପୁଣି, ଅନ୍ୟର ନାମ ଇଲୀୟେଜର,
\f +
\fr 18:4
\ft ଅର୍ଥାତ୍ ପରମେଶ୍ୱର ମୋ’ର ସାହାଯ୍ୟକାରୀ
\f* କାରଣ ସେ କହିଥିଲେ, “ମୋ’ ପିତାଙ୍କ ପରମେଶ୍ୱର ମୋହର ଉପକାରୀ ହୋଇ ଫାରୋଙ୍କର ଖଡ୍ଗରୁ ମୋତେ ଉଦ୍ଧାର କଲେ।”
\s5
\v 5 ଏଥିଉତ୍ତାରେ ମୋଶାଙ୍କର ଶ୍ୱଶୁର ଯିଥ୍ରୋ, ମୋଶାଙ୍କର ସେହି ଦୁଇ ପୁତ୍ର ଓ ଭାର୍ଯ୍ୟାକୁ ସଙ୍ଗରେ ଘେନି ପ୍ରାନ୍ତରରେ ମୋଶାଙ୍କ ନିକଟକୁ, ଅର୍ଥାତ୍‍, ପରମେଶ୍ୱରଙ୍କ ପର୍ବତର ଯେଉଁ ସ୍ଥାନରେ ସେ ଛାଉଣି ସ୍ଥାପନ କରିଥିଲେ, ସେହି ସ୍ଥାନକୁ ଆସିଲେ।
\v 6 ପୁଣି, ସେ ମୋଶାଙ୍କୁ ଜଣାଇଲେ, “ତୁମ୍ଭର ଶ୍ୱଶୁର ଯିଥ୍ରୋ, ମୁଁ ଓ ତୁମ୍ଭର ଭାର୍ଯ୍ୟା, ତାହା ସହିତ ତୁମ୍ଭର ଦୁଇ ପୁତ୍ର, ଆମ୍ଭେ ସମସ୍ତେ ତୁମ୍ଭ ନିକଟକୁ ଆସିଅଛୁ।”
\s5
\v 7 ସେତେବେଳେ ମୋଶା ଆପଣା ଶ୍ୱଶୁର ସହିତ ସାକ୍ଷାତ କରିବାକୁ ବାହାରକୁ ଯାଇ ତାଙ୍କୁ ପ୍ରଣାମ ଓ ଚୁମ୍ବନ କଲେ; ପୁଣି, ପରସ୍ପର ମଙ୍ଗଳବାର୍ତ୍ତା ପଚାରିଲା ଉତ୍ତାରେ ସେମାନେ ତମ୍ବୁରେ ପ୍ରବେଶ କଲେ।
\v 8 ଏଥିଉତ୍ତାରେ ସଦାପ୍ରଭୁ ଇସ୍ରାଏଲ ନିମନ୍ତେ ଫାରୋଙ୍କ ପ୍ରତି ଓ ମିସ୍ରୀୟମାନଙ୍କ ପ୍ରତି ଯାହା ଯାହା କରିଅଛନ୍ତି, ପଥରେ ସେମାନଙ୍କ ପ୍ରତି ଯେସବୁ କ୍ଳେଶ ଘଟିଅଛି ଓ ସଦାପ୍ରଭୁ ଯେପ୍ରକାରେ ସେମାନଙ୍କୁ ଉଦ୍ଧାର କରିଅଛନ୍ତି, ଏହିସବୁ ବୃତ୍ତାନ୍ତ ମୋଶା ଆପଣା ଶ୍ୱଶୁରଙ୍କୁ ଜଣାଇଲେ।
\s5
\v 9 ତହିଁରେ ସଦାପ୍ରଭୁ ମିସ୍ରୀୟମାନଙ୍କ ହସ୍ତରୁ ଇସ୍ରାଏଲକୁ ଉଦ୍ଧାର କରି ଯେସବୁ ମଙ୍ଗଳ ପ୍ରଦାନ କରିଅଛନ୍ତି, ତହିଁ ନିମନ୍ତେ ଯିଥ୍ରୋ ଅତି ଆହ୍ଲାଦିତ ହେଲେ।
\v 10 ପୁଣି, ଯିଥ୍ରୋ କହିଲେ, “ଯେଉଁ ସଦାପ୍ରଭୁ ମିସ୍ରୀୟମାନଙ୍କର ଓ ଫାରୋଙ୍କର ହସ୍ତରୁ ତୁମ୍ଭମାନଙ୍କୁ ଉଦ୍ଧାର କରିଅଛନ୍ତି, ଆଉ ମିସ୍ରୀୟମାନଙ୍କ ଅଧୀନତାରୁ ଲୋକମାନଙ୍କୁ ଉଦ୍ଧାର କରିଅଛନ୍ତି, ସେ ଧନ୍ୟ।
\v 11 ସଦାପ୍ରଭୁ ସମସ୍ତ ଦେବଗଣଠାରୁ ଅଧିକ ମହାନ୍, ଏହା ମୁଁ ଏବେ ଜାଣିଲି। ହଁ, ସେମାନେ ଯେଉଁ ବିଷୟରେ ସେମାନଙ୍କ ବିରୁଦ୍ଧରେ ଗର୍ବ କରିଥିଲେ, (ସେହି ବିଷୟରେ ସେ ମହାନ୍।”)
\s5
\v 12 ଏଥିଉତ୍ତାରେ ମୋଶାଙ୍କ ଶ୍ୱଶୁର ଯିଥ୍ରୋ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ହୋମ ଓ ନୈବେଦ୍ୟ ଉତ୍ସର୍ଗ କଲେ; ପୁଣି, ହାରୋଣ ଓ ଇସ୍ରାଏଲର ସମସ୍ତ ପ୍ରାଚୀନବର୍ଗ ଆସି ପରମେଶ୍ୱରଙ୍କ ସମ୍ମୁଖରେ ମୋଶାଙ୍କ ଶ୍ୱଶୁର ସଙ୍ଗରେ ଭୋଜନ କଲେ।
\s ବିଚାରକର୍ତ୍ତା ନିଯୁକ୍ତି
\p
\s5
\v 13 ତହିଁ ଆରଦିନ ମୋଶା ଲୋକମାନଙ୍କର ବିଚାର କରିବାକୁ ବସନ୍ତେ, ଲୋକମାନେ ପ୍ରଭାତଠାରୁ ସନ୍ଧ୍ୟା ପର୍ଯ୍ୟନ୍ତ ତାଙ୍କ ସମ୍ମୁଖରେ ଠିଆ ହୋଇ ରହିଲେ।
\v 14 ସେତେବେଳେ ମୋଶା ଲୋକମାନଙ୍କ ବିଷୟରେ ଯାହା ଯାହା କଲେ, ତାଙ୍କର ଶ୍ୱଶୁର ତାହା ଦେଖି କହିଲେ, “ତୁମ୍ଭେ ଲୋକମାନଙ୍କ ପ୍ରତି ଏ କିରୂପ ବ୍ୟବହାର କରୁଅଛ ? ତୁମ୍ଭେ କାହିଁକି ଏକାକୀ ବସ ଓ ସମସ୍ତ ଲୋକ ପ୍ରଭାତଠାରୁ ସନ୍ଧ୍ୟା ପର୍ଯ୍ୟନ୍ତ ତୁମ୍ଭ ଚାରିଆଡ଼େ କାହିଁକି ଠିଆ ହୋଇ ରହନ୍ତି ?”
\s5
\v 15 ତହିଁରେ ମୋଶା ଆପଣା ଶ୍ୱଶୁରଙ୍କୁ କହିଲେ, “ଲୋକମାନେ ପରମେଶ୍ୱରଙ୍କ ବିଚାର ବୁଝିବା ପାଇଁ ମୋ’ ପାଖକୁ ଆସନ୍ତି
\v 16 ଓ ସେମାନଙ୍କର କୌଣସି ବିବାଦ ହେଲେ, ମୋ’ ପାଖକୁ ଆସନ୍ତି; ତହିଁରେ ମୁଁ ବାଦୀ ଓ ପ୍ରତିବାଦୀ ମଧ୍ୟରେ ବିଚାର କରେ, ପୁଣି, ପରମେଶ୍ୱରଙ୍କ ବିଧି ଓ ବ୍ୟବସ୍ଥାସବୁ ସେମାନଙ୍କୁ ଜ୍ଞାତ କରାଏ।”
\s5
\v 17 ଏଥିଉତ୍ତାରେ ମୋଶାଙ୍କର ଶ୍ୱଶୁର କହିଲେ, “ତୁମ୍ଭର ଏହି କର୍ମ ଭଲ ନୁହେଁ।
\v 18 ତୁମ୍ଭେ ଓ ତୁମ୍ଭ ସଙ୍ଗୀ ଏହି ଲୋକମାନେ ଦୁହେଁ ନିଶ୍ଚୟ କ୍ଷୀଣ ହୋଇଯିବ; କାରଣ ଏ କାର୍ଯ୍ୟ ତୁମ୍ଭ ନିମନ୍ତେ ଅତି ଭାରୀ; ତୁମ୍ଭେ ଏକାକୀ ଏହା ସାଧନ କରି ନ ପାର।
\v 19 ଏହେତୁ ମୋ’ କଥାରେ ମନୋଯୋଗ କର, ମୁଁ ତୁମ୍ଭଙ୍କୁ ପରାମର୍ଶ ଦେବି, ପୁଣି, ପରମେଶ୍ୱର ତୁମ୍ଭର ସହବର୍ତ୍ତୀ ହେଉନ୍ତୁ; ପରମେଶ୍ୱରଙ୍କ ଛାମୁରେ ତୁମ୍ଭେ ଲୋକମାନଙ୍କ ପକ୍ଷ ହୋଇ ସେମାନଙ୍କ କଥା ପରମେଶ୍ୱରଙ୍କ ନିକଟରେ ଜଣାଅ।
\v 20 ପୁଣି, ତୁମ୍ଭେ ସେମାନଙ୍କୁ ବିଧି ଓ ବ୍ୟବସ୍ଥାର ଉପଦେଶ ଦିଅ ଓ ସେମାନଙ୍କର ଗନ୍ତବ୍ୟ ପଥ ଓ କର୍ତ୍ତବ୍ୟ କର୍ମ ଦେଖାଅ।
\s5
\v 21 ଆହୁରି, ତୁମ୍ଭେ ଏହି ଲୋକମାନଙ୍କ ମଧ୍ୟରୁ କର୍ମକ୍ଷମ, ଅର୍ଥାତ୍‍, ପରମେଶ୍ୱରଙ୍କ ପ୍ରତି ଭୟକାରୀ, ସତ୍ୟବାଦୀ ଓ ଅନ୍ୟାୟ ଲାଭ ଘୃଣାକାରୀ ଲୋକଙ୍କୁ ମନୋନୀତ କର; ପୁଣି, ସେମାନଙ୍କୁ ଲୋକମାନଙ୍କ ଉପରେ ସହସ୍ରପତି, ଶତପତି, ପଚାଶତ୍‍ପତି ଓ ଦଶପତି ରୂପେ ନିଯୁକ୍ତ କର।
\v 22 ସେମାନେ ସର୍ବଦା ଲୋକମାନଙ୍କର ବିଚାର କରନ୍ତୁ, ପୁଣି, କୌଣସି ବଡ଼ କଥା ହେଲେ ତୁମ୍ଭ ନିକଟକୁ ଆଣିବେ, ମାତ୍ର କ୍ଷୁଦ୍ର କଥା ସବୁ ସେମାନେ ଆପେ ବିଚାର କରିବେ, ତାହାହେଲେ ତୁମ୍ଭ ନିଜ କର୍ମ ଉଶ୍ୱାସ ହେବ, ପୁଣି, ସେମାନେ ତୁମ୍ଭ ସହିତ ଭାର ବହିବେ।
\v 23 ଯଦି ତୁମ୍ଭେ ଏହିପରି କରିବ, ପୁଣି, ପରମେଶ୍ୱର ଏପରି କରିବା ପାଇଁ ଆଜ୍ଞା ଦେବେ, ତେବେ ତୁମ୍ଭେ ସହ୍ୟ କରିପାରିବ ? ଆଉ ଏହି ସବୁ ଲୋକମାନେ କୁଶଳରେ ସ୍ୱସ୍ଥାନକୁ ଯିବେ।”
\s5
\v 24 ଏଥିଉତ୍ତାରେ ମୋଶା ଆପଣା ଶ୍ୱଶୁରଙ୍କ କଥାରେ ମନୋଯୋଗ କରି ତାଙ୍କର ବାକ୍ୟାନୁସାରେ ସବୁ କର୍ମ କଲେ।
\v 25 ପୁଣି, ମୋଶା ସମଗ୍ର ଇସ୍ରାଏଲ ମଧ୍ୟରୁ କର୍ମକ୍ଷମ ଲୋକ ମନୋନୀତ କରି ଲୋକମାନଙ୍କ ଉପରେ ପ୍ରଧାନ, ଅର୍ଥାତ୍‍, ସହସ୍ରପତି, ଶତପତି, ପଚାଶତ୍‍ପତି ଓ ଦଶପତି ରୂପେ ନିଯୁକ୍ତ କଲେ।
\v 26 ତହୁଁ ସେମାନେ ସବୁ ସମୟରେ ଲୋକମାନଙ୍କର ବିଚାର କଲେ; କଠିନ ବିଚାରସବୁ ମୋଶାଙ୍କ ପାଖକୁ ଆଣିଲେ; ମାତ୍ର କ୍ଷୁଦ୍ର କ୍ଷୁଦ୍ର କଥାସବୁ ଆପେ ଆପେ ବିଚାର କଲେ।
\v 27 ଏଥିଉତ୍ତାରେ ମୋଶା ଆପଣା ଶ୍ୱଶୁରଙ୍କୁ ବିଦାୟ କରନ୍ତେ, ସେ ସ୍ୱଦେଶକୁ ପ୍ରସ୍ଥାନ କଲେ।
\s5
\c 19
\s ସୀନୟ ପ୍ରାନ୍ତର ନିକଟରେ ଇସ୍ରାଏଲ
\p
\v 1 ମିସର ଦେଶରୁ ଇସ୍ରାଏଲ ସନ୍ତାନଗଣ ବାହାର ହେବାର ତୃତୀୟ ମାସର ପ୍ରଥମ ଦିନରେ, ସେମାନେ ସୀନୟ ପ୍ରାନ୍ତରରେ ଉପସ୍ଥିତ ହେଲେ।
\v 2 ସେମାନେ ରଫୀଦୀମଠାରୁ ଯାତ୍ରା କରି ସୀନୟ ପ୍ରାନ୍ତରରେ ଉପସ୍ଥିତ ହୁଅନ୍ତେ, ସେହି ପ୍ରାନ୍ତରରେ ଛାଉଣି ସ୍ଥାପନ କଲେ; ଇସ୍ରାଏଲ ସେହି ସ୍ଥାନରେ ପର୍ବତ ସମ୍ମୁଖରେ ଛାଉଣି ସ୍ଥାପନ କଲେ।
\s5
\v 3 ଏଥିଉତ୍ତାରେ ମୋଶା ପରମେଶ୍ୱରଙ୍କ ନିକଟକୁ ଆରୋହଣ କରନ୍ତେ, ସଦାପ୍ରଭୁ ପର୍ବତରୁ ତାଙ୍କୁ ଡାକି କହିଲେ, “ତୁମ୍ଭେ ଯାକୁବ ବଂଶକୁ ଏହି କଥା କୁହ ଓ ଇସ୍ରାଏଲ-ସନ୍ତାନଗଣଙ୍କୁ ଏହା ଜଣାଅ।”
\v 4 ଆମ୍ଭେ ମିସ୍ରୀୟମାନଙ୍କ ପ୍ରତି ଯାହା କଲୁ ଓ ତୁମ୍ଭମାନଙ୍କୁ କିପରି ଉତ୍କ୍ରୋଶ ପକ୍ଷୀର ପକ୍ଷରେ ବହି ଆପଣା ନିକଟକୁ ଆଣିଲୁ, ତାହା ତୁମ୍ଭେମାନେ ଦେଖିଅଛ।
\v 5 ଏବେ ତୁମ୍ଭେମାନେ ଯଦି ଆମ୍ଭ ରବରେ ମନୋଯୋଗ କରିବ ଓ ଆମ୍ଭ ନିୟମ ପାଳନ କରିବ, ତେବେ ତୁମ୍ଭେମାନେ ସମସ୍ତ ଲୋକଙ୍କ ଅପେକ୍ଷା ଆମ୍ଭ ନିଜର ସଞ୍ଚିତ ଧନ ହେବ; କାରଣ ସମସ୍ତ ପୃଥିବୀ ଆମ୍ଭର।
\v 6 ପୁଣି, ତୁମ୍ଭେମାନେ ଆମ୍ଭ ନିମନ୍ତେ ଯାଜକମାନଙ୍କର ଏକ ରାଜବଂଶ ଓ ଏକ ପବିତ୍ର ଗୋଷ୍ଠୀ ହେବ; ଏହିସବୁ କଥା ତୁମ୍ଭେ ଇସ୍ରାଏଲ ସନ୍ତାନଗଣଙ୍କୁ କୁହ।
\s5
\v 7 ତହୁଁ ମୋଶା ଆସି ଲୋକମାନଙ୍କର ପ୍ରାଚୀନବର୍ଗଙ୍କୁ ଡକାଇ ସଦାପ୍ରଭୁଙ୍କ ଦ୍ୱାରା ଆଦେଶପ୍ରାପ୍ତ ଏହି ସବୁ କଥା ସେମାନଙ୍କ ଅଗ୍ରତେ ପ୍ରସ୍ତାବ କଲେ।
\v 8 ତହିଁରେ ସମସ୍ତ ଲୋକ ଏକ ସଙ୍ଗରେ ଅଙ୍ଗୀକାର କରି କହିଲେ, “ସଦାପ୍ରଭୁ ଯେଉଁ କଥା କହିଅଛନ୍ତି, ତାହାସବୁ ଆମ୍ଭେମାନେ କରିବା।” ସେତେବେଳେ ମୋଶା ସଦାପ୍ରଭୁଙ୍କ ନିକଟରେ ଲୋକମାନଙ୍କ କଥା ଜଣାଇଲେ।
\v 9 ତହୁଁ ସଦାପ୍ରଭୁ ମୋଶାଙ୍କୁ କହିଲେ, “ଦେଖ, ଆମ୍ଭେ ତୁମ୍ଭ ସହିତ କଥା କହିବା ସମୟରେ ଲୋକମାନେ ଯେପରି ତାହା ଶୁଣି ପାରିବେ, ମଧ୍ୟ ତୁମ୍ଭଠାରେ ସର୍ବଦା ବିଶ୍ୱାସ କରିବେ, ଏଥିପାଇଁ ଆମ୍ଭେ ନିବିଡ଼ ମେଘରେ ତୁମ୍ଭ ନିକଟକୁ ଆସୁଅଛୁ।” ଏଥିଉତ୍ତାରେ ମୋଶା ଲୋକମାନଙ୍କ କଥା ସଦାପ୍ରଭୁଙ୍କୁ ଜଣାଇଲେ।
\s5
\v 10 ତହୁଁ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଲୋକମାନଙ୍କ ନିକଟକୁ ଯାଇ ଆଜି ଓ କାଲି ସେମାନଙ୍କୁ ପବିତ୍ର କର, ପୁଣି, ସେମାନେ ଆପଣା ଆପଣା ବସ୍ତ୍ର ଧୌତ କରନ୍ତୁ
\v 11 ଓ ତୃତୀୟ ଦିନ ନିମନ୍ତେ ସମସ୍ତେ ପ୍ରସ୍ତୁତ ହେଉନ୍ତୁ; କାରଣ ତୃତୀୟ ଦିନରେ ସଦାପ୍ରଭୁ ସମସ୍ତ ଲୋକଙ୍କ ସାକ୍ଷାତରେ ସୀନୟ ପର୍ବତ ଉପରକୁ ଓହ୍ଲାଇ ଆସିବେ।
\s5
\v 12 ଏହେତୁ ତୁମ୍ଭେ ଲୋକମାନଙ୍କ ଚତୁର୍ଦ୍ଦିଗରେ ସୀମା ନିରୂପଣ କରି ଏହି କଥା କୁହ, ତୁମ୍ଭେମାନେ ପର୍ବତାରୋହଣ ଓ ତହିଁର ସୀମା ସ୍ପର୍ଶ କରିବାକୁ ସାବଧାନ ହୁଅ; ଯେକେହି ପର୍ବତ ସ୍ପର୍ଶ କରିବ, ସେ ଅବଶ୍ୟ ହତ ହେବ।
\v 13 କାହାର ହାତ ତାହାକୁ ସ୍ପର୍ଶ କରିବ ନାହିଁ, ମାତ୍ର ସେ ଅବଶ୍ୟ ପ୍ରସ୍ତରାଘାତରେ ହତ ହେବ, କିମ୍ବା ବାଣ ଦ୍ୱାରା ବିଦ୍ଧ ହେବ; ପଶୁ ହେଉ କି ମନୁଷ୍ୟ ହେଉ, କଦାପି ବଞ୍ଚିବ ନାହିଁ; ତୂରୀର ଦୀର୍ଘଧ୍ୱନି ହେଲେ ସେମାନେ ପର୍ବତ ପର୍ଯ୍ୟନ୍ତ ଉଠି ଆସିବେ।”
\s5
\v 14 ଏଥିଉତ୍ତାରେ ମୋଶା ପର୍ବତରୁ ଓହ୍ଲାଇ ଲୋକମାନଙ୍କ ନିକଟକୁ ଆସି ସେମାନଙ୍କୁ ପବିତ୍ର କଲେ, ପୁଣି, ସେମାନେ ଆପଣା ଆପଣା ବସ୍ତ୍ର ସବୁ ଧୌତ କଲେ।
\v 15 ତହୁଁ ସେ ଲୋକମାନଙ୍କୁ କହିଲେ, “ତୁମ୍ଭେମାନେ ତୃତୀୟ ଦିନ ନିମନ୍ତେ ପ୍ରସ୍ତୁତ ହୁଅ; ପୁଣି ଆପଣା ଆପଣା ଭାର୍ଯ୍ୟା ସହ ଶୟନ କର ନାହିଁ।”
\s5
\v 16 ଏଥିଉତ୍ତାରେ ତୃତୀୟ ଦିନର ପ୍ରଭାତ ହୁଅନ୍ତେ, ମେଘ ଗର୍ଜ୍ଜନ ଓ ବିଜୁଳି ଓ ପର୍ବତ ଉପରେ ନିବିଡ଼ ମେଘ ଓ ଅତିଶୟ ଉଚ୍ଚ ସ୍ୱରରେ ତୂରୀଧ୍ୱନି ହେବାକୁ ଲାଗିଲା; ତହିଁରେ ଛାଉଣିସ୍ଥିତ ସମସ୍ତ ଲୋକ କମ୍ପାନ୍ୱିତ ହେଲେ।
\v 17 ତହୁଁ ପରମେଶ୍ୱରଙ୍କ ସହିତ ସାକ୍ଷାତ କରିବା ନିମନ୍ତେ ମୋଶା ଲୋକମାନଙ୍କୁ ଛାଉଣିରୁ ବାହାର କରି ଆଣିଲେ, ତହିଁରେ ସେମାନେ ପର୍ବତର ତଳେ ଠିଆ ହେଲେ।
\v 18 ସେତେବେଳେ ସୀନୟ ପର୍ବତ ଧୂମମୟ ଥିଲା, କାରଣ ସଦାପ୍ରଭୁ ଅଗ୍ନି ବାହନରେ ତହିଁ ଉପରେ ଅବରୋହଣ କଲେ; ତହିଁରେ ଭାଟୀର ଧୂମ ପରି ତହିଁରୁ ଧୂମ ଉଠିଲା, ପୁଣି, ସମୁଦାୟ ପର୍ବତ ଅତିଶୟ କମ୍ପିଲା।
\f +
\fr 19:18
\ft କେତେକ ହସ୍ତଲିପି ଅନୁସାରେ ସମୁଦାୟ ଲୋକମାନେ କମ୍ପିତ ହେଲେ
\f*
\s5
\v 19 ପୁଣି, ତୂରୀଶବ୍ଦ କ୍ରମଶଃ ଅତିଶୟ ଉଚ୍ଚ ହୁଅନ୍ତେ, ମୋଶା କଥା କହିଲେ, “ତହିଁରେ ପରମେଶ୍ୱର ଏକ ରବ ଦ୍ୱାରା ତାଙ୍କୁ ଉତ୍ତର ଦେଲେ।”
\v 20 ଏଥିଉତ୍ତାରେ ସଦାପ୍ରଭୁ ସୀନୟ ପର୍ବତ ଉପରେ, ଅର୍ଥାତ୍‍, ପର୍ବତ ଶୃଙ୍ଗରେ ଅବରୋହଣ କଲା ଉତ୍ତାରେ ମୋଶାଙ୍କୁ ସେହି ପର୍ବତ ଶୃଙ୍ଗକୁ ଡ଼ାକିଲେ; ତହିଁରେ ମୋଶା ଆରୋହଣ କଲେ।
\v 21 ସେତେବେଳେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଓହ୍ଲାଇ ଯାଇ ଲୋକମାନଙ୍କୁ ଦୃଢ଼ ଆଦେଶ କର, ନୋହିଲେ ସଦାପ୍ରଭୁଙ୍କୁ ଦେଖିବା ପାଇଁ ସୀମା ଲଙ୍ଘନ କଲେ, ସେମାନଙ୍କ ମଧ୍ୟରୁ ଅନେକେ ବିନଷ୍ଟ ହେବେ।
\v 22 ଆଉ ଯେଉଁ ଯାଜକମାନେ ସଦାପ୍ରଭୁଙ୍କର ନିକଟବର୍ତ୍ତୀ ହୋଇଥା’ନ୍ତି, ସେମାନେ ମଧ୍ୟ ଆପଣାମାନଙ୍କୁ ପବିତ୍ର କରନ୍ତୁ, ନୋହିଲେ ସେ ସେମାନଙ୍କୁ ଆକ୍ରମଣ କରିବେ।”
\s5
\v 23 ତହିଁରେ ମୋଶା ସଦାପ୍ରଭୁଙ୍କୁ କହିଲେ, “ଲୋକମାନେ ସୀନୟ ପର୍ବତରେ ଆରୋହଣ କରି ପାରନ୍ତି ନାହିଁ; କାରଣ ତୁମ୍ଭେ ଦୃଢ଼ ଆଜ୍ଞା ଦେଇ ଆମ୍ଭମାନଙ୍କୁ କହିଅଛ, ପର୍ବତର ସୀମା ନିରୂପଣ କର ଓ ତାହା ପବିତ୍ର କର।”
\v 24 ତେବେ ସଦାପ୍ରଭୁ ତାଙ୍କୁ କହିଲେ, “ଯାଅ, ଓହ୍ଲାଅ; ପୁଣି, ତୁମ୍ଭେ ହାରୋଣଙ୍କୁ ସଙ୍ଗରେ ନେଇ ଆରୋହଣ କରିବ; ମାତ୍ର ଯାଜକଗଣ ଓ ଲୋକମାନଙ୍କ ଉପରେ ସଦାପ୍ରଭୁ ଯେପରି ଆକ୍ରମଣ ନ କରନ୍ତି, ଏଥିପାଇଁ ସେମାନେ ତାହାଙ୍କ ଛାମୁକୁ ଆସିବା ପାଇଁ ସୀମା ଅତିକ୍ରମ ନ କରନ୍ତୁ।”
\v 25 ତହୁଁ ମୋଶା ଲୋକମାନଙ୍କ ନିକଟକୁ ଓହ୍ଲାଇ ଯାଇ ସେମାନଙ୍କୁ ସେହି ପ୍ରକାର ଆଜ୍ଞା ଦେଲେ।
\s5
\c 20
\s ଦଶ ଆଜ୍ଞା
\p
\v 1 ଏଥିଉତ୍ତାରେ ପରମେଶ୍ୱର ଏହିସବୁ କଥା କହିଲେ, ଯଥା-
\v 2 “ଯେ ତୁମ୍ଭକୁ ଦାସଗୃହ ସ୍ୱରୂପ ମିସର ଦେଶରୁ ବାହାର କରି ଆଣିଅଛନ୍ତି, ତୁମ୍ଭର ସେହି ସଦାପ୍ରଭୁ ପରମେଶ୍ୱର ଆମ୍ଭେ ଅଟୁ।”
\v 3 ଆମ୍ଭ ସାକ୍ଷାତରେ ତୁମ୍ଭର ଆଉ କୌଣସି ଦେବତା ହେବ ନାହିଁ।
\s5
\v 4 ତୁମ୍ଭେ ଆପଣା ନିମନ୍ତେ କୌଣସି ଖୋଦିତ ପ୍ରତିମା ନିର୍ମାଣ କରିବ ନାହିଁ; କି ଉପରିସ୍ଥ ସ୍ୱର୍ଗରେ, କି ନୀଚସ୍ଥ ପୃଥିବୀରେ, କି ପୃଥିବୀର ନୀଚସ୍ଥ ଜଳରେ ଥିବା କୌଣସି ବସ୍ତୁର ପ୍ରତିମୂର୍ତ୍ତି ନିର୍ମାଣ କରିବ ନାହିଁ।
\v 5 ତୁମ୍ଭେ ସେମାନଙ୍କୁ ପ୍ରଣାମ କରିବ ନାହିଁ, କି ସେମାନଙ୍କର ସେବା କରିବ ନାହିଁ; ଯେହେତୁ ଆମ୍ଭେ ତୁମ୍ଭର ସଦାପ୍ରଭୁ ପରମେଶ୍ୱର ସ୍ୱଗୌରବ-ରକ୍ଷଣରେ ଉଦ୍‍ଯୋଗୀ ପରମେଶ୍ୱର ଅଟୁ, ପୁଣି, ଯେଉଁମାନେ ଆମ୍ଭଙ୍କୁ ଘୃଣା କରନ୍ତି, ଆମ୍ଭେ ସେମାନଙ୍କ ତୃତୀୟ ଓ ଚତୁର୍ଥ ପୁରୁଷ ପର୍ଯ୍ୟନ୍ତ ସନ୍ତାନମାନଙ୍କ ଉପରେ ପୈତୃକ ଅପରାଧର ପ୍ରତିଫଳଦାତା;
\v 6 ମାତ୍ର ଯେଉଁମାନେ ଆମ୍ଭଙ୍କୁ ପ୍ରେମ କରନ୍ତି ଓ ଆମ୍ଭର ଆଜ୍ଞା ପାଳନ କରନ୍ତି, ଆମ୍ଭେ ସେମାନଙ୍କର ସହସ୍ର ପୁରୁଷ ପର୍ଯ୍ୟନ୍ତ ଦୟାକାରୀ।
\s5
\v 7 ତୁମ୍ଭେ ଆପଣା ସଦାପ୍ରଭୁ ପରମେଶ୍ୱରଙ୍କ ନାମ ମିଥ୍ୟାରେ ନେବ ନାହିଁ; ଯେହେତୁ ଯେକେହି ତାହାଙ୍କର ନାମ ମିଥ୍ୟାରେ ନିଏ, ସଦାପ୍ରଭୁ ତାହାକୁ ନିରପରାଧ ଗଣନା କରିବେ ନାହିଁ।
\s5
\v 8 ବିଶ୍ରାମ ଦିନ ପବିତ୍ର ରୂପେ ପାଳିବାକୁ ସ୍ମରଣ କର।
\v 9 ଛଅ ଦିନ ପରିଶ୍ରମ ଓ ଆପଣାର ସବୁ କର୍ମ କରିବ;
\v 10 ମାତ୍ର ସପ୍ତମ ଦିନ ତୁମ୍ଭ ସଦାପ୍ରଭୁ ପରମେଶ୍ୱରଙ୍କର ବିଶ୍ରାମ ଦିନ ଅଟେ; ତହିଁରେ ତୁମ୍ଭେ, କି ତୁମ୍ଭର ପୁତ୍ର, କି ତୁମ୍ଭର କନ୍ୟା, ତୁମ୍ଭର ଦାସ, କି ଦାସୀ, ତୁମ୍ଭର ପଶୁ, କି ତୁମ୍ଭର ନଗରଦ୍ୱାରବର୍ତ୍ତୀ ବିଦେଶୀ, କେହି କୌଣସି କାର୍ଯ୍ୟ କରିବ ନାହିଁ।
\v 11 ଯେହେତୁ ସଦାପ୍ରଭୁ ଆକାଶମଣ୍ଡଳ ଓ ପୃଥିବୀ ଓ ସମୁଦ୍ର ଓ ତନ୍ମଧ୍ୟସ୍ଥିତ ସମସ୍ତ ବସ୍ତୁ ଛଅ ଦିନରେ ନିର୍ମାଣ କରି ସପ୍ତମ ଦିନରେ ବିଶ୍ରାମ କଲେ; ଏହେତୁ ସଦାପ୍ରଭୁ ବିଶ୍ରାମ ଦିନକୁ ଆଶୀର୍ବାଦ କରି ପବିତ୍ର କରିଅଛନ୍ତି।
\s5
\v 12 ତୁମ୍ଭେ ଆପଣା ପିତା ଓ ଆପଣା ମାତାଙ୍କୁ ସମ୍ଭ୍ରମ କର; ତହିଁରେ ତୁମ୍ଭର ସଦାପ୍ରଭୁ ପରମେଶ୍ୱର ତୁମ୍ଭକୁ ଯେଉଁ ଦେଶ ଦେବେ, ସେହି ଦେଶରେ ତୁମ୍ଭର ଦୀର୍ଘ ପରମାୟୁ ହେବ।
\v 13 ତୁମ୍ଭେ ନରହତ୍ୟା କରିବ ନାହିଁ।
\v 14 ତୁମ୍ଭେ ବ୍ୟଭିଚାର କରିବ ନାହିଁ।
\s5
\v 15 ତୁମ୍ଭେ ଚୋରି କରିବ ନାହିଁ।
\v 16 ତୁମ୍ଭେ ଆପଣା ପ୍ରତିବାସୀ ବିରୁଦ୍ଧରେ ମିଥ୍ୟା ସାକ୍ଷ୍ୟ ଦେବ ନାହିଁ।
\v 17 ତୁମ୍ଭେ ଆପଣା ପ୍ରତିବାସୀର ଗୃହକୁ ଲୋଭ କରିବ ନାହିଁ, ତୁମ୍ଭେ ଆପଣା ପ୍ରତିବାସୀର ଭାର୍ଯ୍ୟା, କି ଦାସ, କି ଦାସୀ, କି ତାହାର ଗୋରୁ, କି ଗଧ, କି ତୁମ୍ଭ ପ୍ରତିବାସୀର କୌଣସି ବସ୍ତୁକୁ ଲୋଭ କରିବ ନାହିଁ।
\s5
\v 18 ସେତେବେଳେ ସମସ୍ତ ଲୋକ ମେଘ ଗର୍ଜ୍ଜନ ଓ ବିଜୁଳି ଓ ତୂରୀଧ୍ୱନି ଓ ଧୂମଯୁକ୍ତ ପର୍ବତ ଦେଖିଲେ; ପୁଣି, ତାହା ଦେଖି ସେମାନେ କମ୍ପିତ ହୋଇ ଦୂରରେ ଠିଆ ହେଲେ।
\v 19 ଆଉ ସେମାନେ ମୋଶାଙ୍କୁ କହିଲେ, “ତୁମ୍ଭେ ଆମ୍ଭମାନଙ୍କ ସଙ୍ଗେ କଥା କୁହ, ଆମ୍ଭେମାନେ ଶୁଣିବୁ; ମାତ୍ର ପରମେଶ୍ୱର ଆମ୍ଭମାନଙ୍କ ସଙ୍ଗେ କଥା ନ କହନ୍ତୁ, ନୋହିଲେ ଆମ୍ଭେମାନେ ମରିଯିବୁ।”
\v 20 ତହିଁରେ ମୋଶା ଲୋକମାନଙ୍କୁ କହିଲେ, “ଭୟ କର ନାହିଁ; କାରଣ ତୁମ୍ଭମାନଙ୍କୁ ପରୀକ୍ଷା କରିବାକୁ ଓ ତୁମ୍ଭେମାନେ ଯେପରି ପାପ ନ କରିବ, ଏଥିପାଇଁ ଆପଣାର ଭୟାନକତା ତୁମ୍ଭମାନଙ୍କ ଚକ୍ଷୁଗୋଚର କରିବାକୁ ପରମେଶ୍ୱର ଆସିଅଛନ୍ତି।”
\v 21 ତେଣୁ ଲୋକମାନେ ଦୂରରେ ଠିଆ ହୋଇ ରହିଲେ; ମାତ୍ର ଯେଉଁଠାରେ ପରମେଶ୍ୱର ଥିଲେ, ମୋଶା ସେହି ଘୋର ଅନ୍ଧକାର ନିକଟକୁ ଗମନ କଲେ।
\s ଯଜ୍ଞବେଦି ସମ୍ବନ୍ଧରେ ନିୟମ
\p
\s5
\v 22 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଇସ୍ରାଏଲ-ସନ୍ତାନଗଣଙ୍କୁ ଏହି କଥା କୁହ, ଆମ୍ଭେ ଆକାଶରେ ଥାଇ ତୁମ୍ଭମାନଙ୍କ ସହିତ କଥା କହିଲୁ, ଏହା ତୁମ୍ଭେମାନେ ନିଜେ ଦେଖିଅଛ।
\v 23 ଏହେତୁ ତୁମ୍ଭେମାନେ ଆମ୍ଭର ପ୍ରତିଯୋଗୀ, ଅନ୍ୟ ଦେବତାଗଣ ନିର୍ମାଣ କରିବ ନାହିଁ; ଆପଣାମାନଙ୍କ ନିମନ୍ତେ ରୌପ୍ୟମୟ ଦେବତା ଓ ସ୍ୱର୍ଣ୍ଣମୟ ଦେବତା ନିର୍ମାଣ କରିବ ନାହିଁ।
\s5
\v 24 ତୁମ୍ଭେ ଆମ୍ଭ ନିମନ୍ତେ ଏକ ମୃତ୍ତିକାର ବେଦି ନିର୍ମାଣ କରିବ, ପୁଣି, ତହିଁ ଉପରେ ତୁମ୍ଭର ଗୋମେଷାଦି ହୋମବଳି ଓ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କରିବ; ଆମ୍ଭେ ଯେଉଁ ପ୍ରତ୍ୟେକ ସ୍ଥାନରେ ଆପଣା ନାମ ସ୍ମରଣ କରାଇବା, ସେହି ପ୍ରତ୍ୟେକ ସ୍ଥାନରେ ଆମ୍ଭେ ତୁମ୍ଭ ନିକଟକୁ ଆସି ତୁମ୍ଭକୁ ଆଶୀର୍ବାଦ କରିବା।
\v 25 ଯଦି ତୁମ୍ଭେ ଆମ୍ଭ ନିମନ୍ତେ ପ୍ରସ୍ତର ବେଦି ନିର୍ମାଣ କରିବ, ତେବେ ଖୋଦିତ ପ୍ରସ୍ତରରେ ତାହା ନିର୍ମାଣ କରିବ ନାହିଁ; କାରଣ ତହିଁ ଉପରେ ତୁମ୍ଭେ ଆପଣା ଅସ୍ତ୍ର ଉଞ୍ଚାଇଲେ, ତାହା ଅପବିତ୍ର କରିବ।
\v 26 ଆଉ ତୁମ୍ଭର ଉଲଙ୍ଗତା ଆମ୍ଭ ବେଦି ଉପରେ ଯେପରି ଅନାବୃତ ନ ହୁଏ, ଏଥିପାଇଁ ତୁମ୍ଭେ ପାହାଚ ଦେଇ ଆମ୍ଭ ବେଦି ଉପରକୁ ଯିବ ନାହିଁ।”
\s5
\c 21
\s କ୍ରୀତଦାସ ସମ୍ପର୍କରେ ନିୟମ
\p
\v 1 ଆଉ ତୁମ୍ଭେ ଏହିସବୁ ନିୟମ ସେମାନଙ୍କୁ ଜ୍ଞାତ କରାଇବ। ଯଥା-
\s5
\v 2 ତୁମ୍ଭେ ଏବ୍ରୀୟ ଦାସ କ୍ରୟ କଲେ, ସେ ଛଅ ବର୍ଷ ସେବା କରିବ; ପୁଣି, ସପ୍ତମ ବର୍ଷରେ ସେ ବିନା ମୂଲ୍ୟରେ ମୁକ୍ତ ହୋଇଯିବ।
\v 3 ଯଦି ସେ ଏକାକୀ ଆସିଥାଏ, ତେବେ ସେ ଏକାକୀ ଯିବ; ଆଉ ଯଦି ସେ ବିବାହିତ ହୋଇ ଆସିଥାଏ, ତେବେ ତାହାର ଭାର୍ଯ୍ୟା ତାହା ସଙ୍ଗେ ବାହାରି ଯିବ।
\v 4 ପୁଣି, ଯଦି ତାହାର ପ୍ରଭୁ ତାହାକୁ ବିବାହ କରି ଦେଇଥାଏ ଓ ସେହି ସ୍ତ୍ରୀଠାରୁ ପୁତ୍ର-କନ୍ୟାର ଜନ୍ମ ହୋଇଥାଏ, ତେବେ ସେହି ସ୍ତ୍ରୀ ଓ ତାହାର ସନ୍ତାନମାନଙ୍କ ଉପରେ ତାହାର ପ୍ରଭୁର ଅଧିକାର ହେବ ଓ ସେ ଏକାକୀ ବାହାରି ଯିବ।
\s5
\v 5 ମାତ୍ର ମୁଁ ଆପଣା ପ୍ରଭୁଙ୍କୁ, ପୁଣି, ଆପଣା ଭାର୍ଯ୍ୟା ଓ ସନ୍ତାନଗଣଙ୍କୁ ପ୍ରେମ କରେ, ଏଣୁ ମୁଁ ମୁକ୍ତ ହୋଇ ଯିବି ନାହିଁ, ଏପରି କଥା ଯଦି ସେହି ଦାସ ଦୃଢ଼ ରୂପେ କହିବ
\v 6 ତେବେ ତାହାର ପ୍ରଭୁ ତାହାକୁ ପରମେଶ୍ୱରଙ୍କ ନିକଟକୁ ନେଇଯିବ, ପୁଣି, ତାହାକୁ କବାଟ ବା ବାଜୁବନ୍ଧ ନିକଟକୁ ଆଣି ତାହାର ପ୍ରଭୁ ବିନ୍ଧଣୀରେ ତାହାର କର୍ଣ୍ଣ ବିନ୍ଧିବ; ତହିଁରେ ସେ ସଦାକାଳ ତାହାର ସେବା କରିବ।
\s5
\v 7 ଆଉ କେହି ଯଦି ଆପଣା କନ୍ୟାକୁ ଦାସୀ ରୂପେ ବିକ୍ରୟ କରେ, ତେବେ ସେ ଦାସମାନଙ୍କ ପରି ମୁକ୍ତ ହୋଇ ଯିବ ନାହିଁ।
\v 8 ତାହାର ପ୍ରଭୁ ତାହାକୁ ଆପଣା ପାଇଁ ନିରୂପଣ କଲେ ହେଁ, ଯଦି ତାହା ପ୍ରତି ଅସନ୍ତୁଷ୍ଟ ହୁଏ, ତେବେ ସେ ତାହାକୁ ମୁକ୍ତ ହେବାକୁ ଦେବ; ତାହା ପ୍ରତି ପ୍ରବଞ୍ଚନା କରିଥିବାରୁ ଅନ୍ୟଦେଶୀୟମାନଙ୍କ ନିକଟରେ ତାହାକୁ ବିକ୍ରୟ କରିବାର ଅଧିକାର ପାଇବ ନାହିଁ।
\s5
\v 9 କିଅବା ଯଦି ସେହି ପ୍ରଭୁ ଆପଣା ପୁତ୍ର ନିମନ୍ତେ ତାହାକୁ ନିରୂପଣ କରିଥାଏ, ତେବେ ସେ ତାହା ପ୍ରତି କନ୍ୟା ବିଷୟକ ରୀତି ଅନୁସାରେ ବ୍ୟବହାର କରିବ।
\v 10 ଯଦି ସେ ଅନ୍ୟ ସ୍ତ୍ରୀ ସହିତ ବିବାହ କରେ, ତେବେ ହେଁ ତାହାର ଅନ୍ନ ବସ୍ତ୍ର ଓ ଶାରିରୀକ ସମ୍ପର୍କ କର୍ତ୍ତବ୍ୟରୁ ବଞ୍ଚିତ ହେବ ନାହିଁ।
\v 11 ଯଦି ସେ ଏହି ତିନିର ତ୍ରୁଟି କରେ, ତେବେ ସେ ସ୍ତ୍ରୀ ବିନା ମୂଲ୍ୟରେ ମୁକ୍ତ ହୋଇଯିବ।
\s ହିଂସାତ୍ମକ କାର୍ଯ୍ୟ ସମ୍ବନ୍ଧୀୟ ବ୍ୟବସ୍ଥା
\p
\s5
\v 12 କେହି ଯଦି କୌଣସି ମନୁଷ୍ୟକୁ ଏପରି ପ୍ରହାର କରେ ଯେ ସେ ମରିଯାଏ, ତେବେ ଅବଶ୍ୟ ତାହାର ପ୍ରାଣଦଣ୍ଡ ହେବ।
\v 13 ଯଦି କୌଣସି ମନୁଷ୍ୟ କାହାକୁ ମାରିବାକୁ ଚେଷ୍ଟା କରେ ନାହିଁ, ମାତ୍ର ପରମେଶ୍ୱରଙ୍କ ଇଚ୍ଛାରେ ତାହାର ହସ୍ତ ଦ୍ୱାରା ତାହାର ମୃତ୍ୟୁୁ ହୁଏ, ତେବେ ଯେଉଁ ସ୍ଥାନକୁ ସେ ପଳାଇ ପାରେ, ଏପରି ସ୍ଥାନ ଆମ୍ଭେ ତୁମ୍ଭ ପାଇଁ ନିରୂପଣ କରିବା।
\v 14 ମାତ୍ର ଯଦି କେହି ଛଳନା ପୂର୍ବକ ଆପଣା ପ୍ରତିବାସୀକୁ ବଧ କରିବାକୁ ଦୁଃସାହସ କରେ, ତେବେ ତୁମ୍ଭେ ତାହାର ପ୍ରାଣଦଣ୍ଡ କରିବା ନିମନ୍ତେ ଆମ୍ଭ ବେଦି ନିକଟରୁ ତାହାକୁ ନେଇଯିବ।
\s5
\v 15 ପୁଣି, ଯେକେହି ଆପଣା ପିତା କିମ୍ବା ମାତାକୁ ପ୍ରହାର କରେ, ତାହାର ଅବଶ୍ୟ ପ୍ରାଣଦଣ୍ଡ ହେବ।
\v 16 ଆଉ ଯେକେହି ମନୁଷ୍ୟକୁ ଚୋରି କରି ଯଦି ବିକ୍ରୟ କରେ, ଅବା ସେ ଯଦି ତାହାର ଅଧିକାରରେ ପ୍ରାପ୍ତ ହୁଏ, ତେବେ ତାହାର ଅବଶ୍ୟ ପ୍ରାଣଦଣ୍ଡ ହେବ।
\v 17 ଯେକେହି ଆପଣା ପିତା କିମ୍ବା ମାତାକୁ ଅଭିଶାପ ଦିଏ, ତାହାର ଅବଶ୍ୟ ପ୍ରାଣଦଣ୍ଡ ହେବ।
\s5
\v 18 ଆଉ ଯଦି ଲୋକମାନେ ଏକ ଆରେକ ସହିତ ବିବାଦ କରୁ କରୁ ଏକଜଣ ଅନ୍ୟଜଣକୁ ପ୍ରସ୍ତରରେ ବା ମୁଷ୍ଟିରେ ଆଘାତ କଲେ, ସେ ଯଦି ନ ମରି ଶଯ୍ୟାଗତ ହୁଏ
\v 19 ଓ ପଶ୍ଚାତ୍‍ ଉଠି ଯଷ୍ଟି ଧରି ବାହାରେ ବୁଲେ, ତେବେ ସେହି ପ୍ରହାରକ ନିର୍ଦ୍ଦୋଷ ହେବ; କେବଳ ତାହାକୁ ତାହାର କର୍ମ-କ୍ଷତିର ଓ ଚିକିତ୍ସାର ବ୍ୟୟ ଦେବାକୁ ପଡ଼ିବ।
\s5
\v 20 ଆଉ ଯଦି କେହି ଆପଣା ଦାସ ବା ଦାସୀକୁ ଯଷ୍ଟି ଦ୍ୱାରା ପ୍ରହାର କଲେ, ସେ ଯଦି ତାହା ହସ୍ତରେ ମରେ, ତେବେ ସେ ଅବଶ୍ୟ ଦଣ୍ଡନୀୟ ହେବ।
\v 21 ମାତ୍ର ସେ ଯଦି ଏକ ବା ଦୁଇ ଦିନ ବଞ୍ଚେ, ତେବେ ସେ ଦଣ୍ଡନୀୟ ହେବ ନାହିଁ; କାରଣ ସେ ତାହାର ଧନ ସ୍ୱରୂପ।
\s5
\v 22 ଆଉ ଯଦି ପୁରୁଷମାନେ ପରସ୍ପର ବିବାଦ କରୁ କରୁ କୌଣସି ଗର୍ଭବତୀ ସ୍ତ୍ରୀକି ପ୍ରହାର କରନ୍ତି ଯଦି ତାହାର ଗର୍ଭପାତ ହୁଏ, ମାତ୍ର ପଶ୍ଚାତ୍‍ ଆଉ କୌଣସି ଆପଦ ନ ଘଟେ, ତେବେ ସେହି ସ୍ତ୍ରୀର ସ୍ୱାମୀ ଯେରୂପ ଦାବି କରିବ, ତଦନୁସାରେ ତାହାର ଅବଶ୍ୟ ଅର୍ଥଦଣ୍ଡ ହେବ, ପୁଣି, ସେ ବିଚାରକର୍ତ୍ତାମାନଙ୍କ ନିର୍ଦ୍ଧାରଣାନୁସାରେ ତାହା ଦେବ।
\v 23 ମାତ୍ର ଯଦି କୌଣସି ଆପଦ ଘଟେ, ତେବେ ତାହାର ପ୍ରାଣ ପରିଶୋଧରେ ପ୍ରାଣ,
\v 24 ଚକ୍ଷୁ ପରିଶୋଧରେ ଚକ୍ଷୁ, ଦନ୍ତ ପରିଶୋଧରେ ଦନ୍ତ, ହସ୍ତ ପରିଶୋଧରେ ହସ୍ତ, ଚରଣ ପରିଶୋଧରେ ଚରଣ,
\v 25 ଦାହ ପରିଶୋଧରେ ଦାହ, କ୍ଷତ ପରିଶୋଧରେ କ୍ଷତ, ନୋଳା ପରିଶୋଧରେ ନୋଳା, ଦଣ୍ଡ ହେବ।
\s5
\v 26 ଆଉ ଯଦି କେହି ଆପଣା ଦାସ କି ଦାସୀର ଚକ୍ଷୁରେ ଆଘାତ କଲେ ଯଦି ତାହା ନଷ୍ଟ ହୁଏ, ତେବେ ସେ ତାହାର ଚକ୍ଷୁ ସକାଶେ ତାହାକୁ ମୁକ୍ତ କରି ଦେବ।
\v 27 ପୁଣି, ଆଘାତ ଦ୍ୱାରା ଆପଣା ଦାସ କି ଦାସୀର ଦନ୍ତ ଭଗ୍ନ କଲେ, ସେ ସେହି ଦନ୍ତ ସକାଶେ ତାହାକୁ ମୁକ୍ତ କରି ଦେବ।
\s ମାଲିକମାନଙ୍କ ଦାୟିତ୍ୱ
\p
\s5
\v 28 ଆଉ, ଗୋରୁ କୌଣସି ପୁରୁଷ କିମ୍ବା ସ୍ତ୍ରୀକୁ ବିନ୍ଧିଲେ ଯଦି ସେ ମରେ, ତେବେ ସେହି ଗୋରୁ ପ୍ରସ୍ତର ଦ୍ୱାରା ହତ ହେବ, ପୁଣି, ତାହାର ମାଂସ ଅଖାଦ୍ୟ ହେବ; ମାତ୍ର ଗୋରୁର ସ୍ୱାମୀ ଦଣ୍ଡଯୋଗ୍ୟ ହେବ ନାହିଁ।
\v 29 ମାତ୍ର ସେହି ଗୋରୁ ପୂର୍ବେ ବିନ୍ଧୁଥାଏ, ଏଥିର ପ୍ରମାଣ ତାହାର ସ୍ୱାମୀକୁ ଦିଆଗଲେ ହେଁ ତାକୁ ନ ବାନ୍ଧିବା ସକାଶୁ ତାହା ଯଦି କୌଣସି ପୁରୁଷ କିମ୍ବା ସ୍ତ୍ରୀକୁ ବଧ କରେ, ତେବେ ସେହି ଗୋରୁ ପ୍ରସ୍ତର ଦ୍ୱାରା ହତ ହେବ; ପୁଣି, ତାହାର ସ୍ୱାମୀର ମଧ୍ୟ ପ୍ରାଣଦଣ୍ଡ ହେବ।
\v 30 ଯଦ୍ୟପି ତାହାର (ପ୍ରାଣ) ନିମନ୍ତେ ପ୍ରାୟଶ୍ଚିତ୍ତ ନିରୂପିତ ହୁଏ, ତେବେ ସେ ପ୍ରାଣମୁକ୍ତି ନିମନ୍ତେ ସମୁଦାୟ ନିରୂପିତ ମୂଲ୍ୟ ଦେବ।
\s5
\v 31 ଗୋରୁ ପୁତ୍ରକୁ କି କନ୍ୟାକୁ ବିନ୍ଧିଲେ, ଏହି ଶାସନାନୁସାରେ ଦଣ୍ଡିତ ହେବ।
\v 32 କାହାର ଗୋରୁ ଯଦି କାହାର ଦାସ କିମ୍ବା ଦାସୀକୁ ବିନ୍ଧେ, ତେବେ ସେ ତାହାର ପ୍ରଭୁଙ୍କୁ ତିରିଶ ଶେକଲ
\f +
\fr 21:32
\ft ୩୩୦ ଗ୍ରାମ୍ ରୂପା
\f* ରୂପା ଦେବ; ଆଉ ଗୋରୁ ପ୍ରସ୍ତର ଦ୍ୱାରା ହତ ହେବ।
\s5
\v 33 ଆଉ କେହି ଯଦି କୌଣସି କୂପ ଅନାବୃତ କରେ, କିଅବା କୂପ ଖୋଳି ତାହା ଆବୃତ ନ କରେ, ତେବେ ତହିଁ ଭିତରେ କୌଣସି ଗୋରୁ କି ଗଧ ପଡ଼ିଲେ,
\v 34 ସେହି କୂପର କର୍ତ୍ତା ତହିଁର ପରିଶୋଧ କରିବ; ସେ ସେମାନଙ୍କ ସ୍ୱାମୀକୁ ରୂପା ମୂଲ୍ୟ ଦେବ, ମାତ୍ର ମୃତ ପଶୁ ତାହାର ହେବ।
\s5
\v 35 ଆଉ ଏକ ଜଣର ଗୋରୁ ଅନ୍ୟ ଜଣର ଗୋରୁକୁ ବିନ୍ଧିଲେ ସେହି ଗୋରୁ ଯଦି ମରିଯାଏ, ତେବେ ସେମାନେ ଜୀବିତ ଗୋରୁକୁ ବିକ୍ରୟ କରି ତହିଁର ମୂଲ୍ୟ ଦୁଇଭାଗ କରିବେ; ପୁଣି, ମୃତ ଗୋରୁକୁ ମଧ୍ୟ ଦୁଇଭାଗ କରି ନେବେ।
\v 36 ମାତ୍ର ଗୋରୁ ପୂର୍ବେ ବିନ୍ଧୁଥିବାର ଜାଣି ଯଦି ତା’ର ସ୍ୱାମୀ ତାକୁ ସାବଧାନରେ ରଖି ନ ଥାଏ, ତେବେ ସେ ଗୋରୁ ପରିଶୋଧରେ ଗୋରୁ ଅବଶ୍ୟ ଦେବ, ମାତ୍ର ମୃତ ଗୋରୁ ତାହାର ନିଜର ହେବ।
\s5
\c 22
\s ପରିଶୋଧ ସମ୍ବନ୍ଧୀୟ ବ୍ୟବସ୍ଥା
\p
\v 1 ଯଦି କେହି ଗୋରୁ କି ମେଷ ଚୋରି କରି ବଧ କରେ ଅବା ବିକ୍ରୟ କରେ, ତେବେ ସେ ଏକ ଗୋରୁ ପରିଶୋଧରେ ପାଞ୍ଚ ଗୋରୁ ଓ ଏକ ମେଷ ପରିଶୋଧରେ ଚାରି ମେଷ ଦେବ।
\v 2 ଆଉ ଚୋର ସିନ୍ଧି କାଟିଧରା ପଡ଼ିଲେ, ଯଦି କେହି ତାହାକୁ ମାରୁ ମାରୁ ମାରି ପକାଏ, ତେବେ ସେ ରକ୍ତପାତର ଦୋଷୀ ହେବ ନାହିଁ।
\v 3 ମାତ୍ର ଯଦି ସୂର୍ଯ୍ୟୋଦୟ ଉତ୍ତାରେ ତାହାକୁ ବଧ କରେ, ତେବେ ସେ ରକ୍ତପାତର ଦୋଷୀ ହେବ; ଆଉ ଚୋରା ଦ୍ରବ୍ୟ ପରିଶୋଧ କରିବା ଚୋରର କର୍ତ୍ତବ୍ୟ; ଯଦି ତାହାର କିଛି ନ ଥାଏ, ତେବେ ଚୋରି ସକାଶୁ ସେ ବିକ୍ରି ହେବ।
\v 4 ଗୋରୁ ଅବା ଗର୍ଦ୍ଦଭ କି ମେଷାଦି ଚୋରା ଦ୍ରବ୍ୟ ଯଦି ଚୋର ହସ୍ତରେ ଜୀବିତ ମିଳେ, ତେବେ ସେ ତହିଁର ଦୁଇଗୁଣ ଦେବ।
\s5
\v 5 ଆଉ କେହି ଯଦି ଅନ୍ୟର କ୍ଷେତ୍ରରେ କି ଦ୍ରାକ୍ଷାକ୍ଷେତ୍ରରେ ଗୋରୁ ଚରାଏ, କିଅବା ଆପଣା ପଶୁକୁ ଛାଡ଼ି ଦେଲେ ଯଦି ସେ ଅନ୍ୟର କ୍ଷେତ୍ରରେ ଚରେ, ତେବେ ସେ ଲୋକ ତହିଁର ପରିବର୍ତ୍ତେ ତାହାକୁ ଆପଣା କ୍ଷେତ୍ରର ଉତ୍ତମ ଶସ୍ୟ ଅବା ଆପଣା ଦ୍ରାକ୍ଷାକ୍ଷେତ୍ରର ଉତ୍ତମ ଫଳ ଦେବ।
\s5
\v 6 ଆଉ ଅଗ୍ନି ଜ୍ୱଳି କଣ୍ଟକ ବନରେ ଲାଗିଲେ ଯଦି କାହାର କଳେଇ ଗଦା ଅବା ବଢ଼ନ୍ତା ଶସ୍ୟ କି କ୍ଷେତ ପୋଡ଼ିଯାଏ, ତେବେ ସେହି ଅଗ୍ନି ଲଗାଇବା ଲୋକ ଅବଶ୍ୟ ତହିଁର ମୂଲ୍ୟ ଦେବ।
\s5
\v 7 ଆଉ, କେହି ଯଦି ଆପଣା ପ୍ରତିବାସୀ ନିକଟରେ ମୁଦ୍ରା ଅବା ଆଉ କୌଣସି ଦ୍ରବ୍ୟ ରଖିବା ପାଇଁ ସମର୍ପଣ କରେ, ତାହା ଯଦି କେହି ସେହି ମନୁଷ୍ୟର ଗୃହରୁ ଚୋରି କରେ ଓ ସେହି ଚୋର ଧରା ପଡ଼େ, ତେବେ ସେ ତହିଁର ଦୁଇ ଗୁଣ ଦେବ।
\v 8 ଯଦି ଚୋର ଧରା ନ ପଡ଼େ, ତେବେ ଗୃହର ସ୍ୱାମୀ ପ୍ରତିବାସୀର ଦ୍ରବ୍ୟରେ ହସ୍ତ ଦେଇଅଛି କି ନାହିଁ, ଏହା ଜଣା ଯିବା ନିମନ୍ତେ ସେ ପରମେଶ୍ୱରଙ୍କ
\f +
\fr 22:8
\ft କିଅବା ବିଚାରକର୍ତ୍ତା
\f* ସାକ୍ଷାତରେ ଉପସ୍ଥିତ ହେବ।
\v 9 ପୁଣି, ସର୍ବପ୍ରକାର ଅଧର୍ମ ବିଷୟରେ, ଅର୍ଥାତ୍‍, ଗୋରୁ, ଗର୍ଦ୍ଦଭ, ମେଷ କିଅବା ବସ୍ତ୍ରାଦି, ଯେକୌଣସି ହଜିଲା ଦ୍ରବ୍ୟ ବିଷୟରେ ଯଦି କେହି କହେ, ଏହା ସେହି ଦ୍ରବ୍ୟ, ତେବେ ଉଭୟ ପକ୍ଷର କଥା ପରମେଶ୍ୱରଙ୍କ
\f +
\fr 22:9
\ft କିଅବା ବିଚାରକର୍ତ୍ତା
\f* ସାକ୍ଷାତରେ ଉପସ୍ଥିତ ହେବ; ତହିଁରେ ପରମେଶ୍ୱର ଯାହାକୁ ଦୋଷୀ କରିବେ, ସେ ଆପଣା ପ୍ରତିବାସୀକୁ ଦୁଇ ଗୁଣ ଦେବ।
\s5
\v 10 ଆଉ ଯଦି କେହି ପ୍ରତିବାସୀ ନିକଟରେ ଆପଣା ଗଧ, ଗୋରୁ, ମେଷ, କିଅବା କୌଣସି ପଶୁ ପ୍ରତିପାଳନାର୍ଥେ ରଖନ୍ତି ପୁଣି, ଯଦି କାହାରି ନ ଦେଖିବାରେ ସେହି ପଶୁ ମରେ, ଅବା ଭଗ୍ନାଙ୍ଗ ହୁଏ କିଅବା ଅଡ଼ାଇ ନିଆଯାଏ,
\v 11 ତେବେ ସେ ପ୍ରତିବାସୀର ଦ୍ରବ୍ୟରେ ହସ୍ତ ଦେଇଅଛି କି ନାହିଁ, ଏ ବିଷୟରେ ଉଭୟଙ୍କ ମଧ୍ୟରେ ସଦାପ୍ରଭୁଙ୍କର ଶପଥ ହେବ; ପଶୁର ମାଲିକ ସେହି ଶପଥ ଗ୍ରହଣ କରିବ, ପୁଣି, ସେ ପରିଶୋଧ କରିବ ନାହିଁ।
\v 12 ମାତ୍ର ଯଦି ତାହା ନିକଟରୁ ଚୋରି ହୋଇଅଛି, ତେବେ ସେ ତାହାର ମାଲିକକୁ ତାହାର ମୂଲ୍ୟ ଦେବ।
\v 13 ଯଦି ସେହି ପଶୁ ବିଦୀର୍ଣ୍ଣ ହୁଏ, ତେବେ ସେ ପ୍ରମାଣ ନିମନ୍ତେ ତାହା ଆଣୁ; ସେ ସେହି ବିଦୀର୍ଣ୍ଣ ପଶୁର ମୂଲ୍ୟ ଦେବ ନାହିଁ।
\s5
\v 14 ଆଉ, କେହି ଯଦି ଆପଣା ପ୍ରତିବାସୀର ପଶୁ ମାଗି ନିଏ ଓ ତାହାର ମାଲିକ ତାହା ସହିତ ନ ଥାଇ ସେ ଭଗ୍ନାଙ୍ଗ ହୁଏ କି ମରେ, ତେବେ ସେ ନିତାନ୍ତ ତାହାର ମୂଲ୍ୟ ଦେବ।
\v 15 ମାତ୍ର ଯଦି ତାହାର ମାଲିକ ତାହା ନିକଟରେ ଥାଏ, ତେବେ ତାହାର ମୂଲ୍ୟ ଦେବ ନାହିଁ; ଯଦି ସେ ଭଡ଼ାଟିଆ ପଶୁ ହୁଏ, ତେବେ ତାହା ଭଡ଼ା ମଧ୍ୟରେ ଆସିବ।
\s ନୈତିକ ଧର୍ମ ସମ୍ବନ୍ଧୀୟ ବ୍ୟବସ୍ଥା
\p
\s5
\v 16 ଆଉ, କେହି ଯଦି ଅବାଗ୍‍ଦତ୍ତା କନ୍ୟାକୁ ପ୍ରଲୋଭିତ କରି ତାହା ସହିତ ଶୟନ କରେ, ତେବେ ସେ ତାହାକୁ କନ୍ୟା ମୂଲ୍ୟ ଦେଇ ଅବଶ୍ୟ ବିବାହ କରିବ।
\v 17 ଯଦି ପିତା ତାହା ସହିତ ଆପଣା କନ୍ୟାର ବିବାହ ଦେବାକୁ ନିତାନ୍ତ ଅସମ୍ମତ ହୁଏ, ତେବେ ସେ କନ୍ୟା ମୂଲ୍ୟର ବ୍ୟବସ୍ଥାନୁସାରେ ରୂପା ତୌଲି ଦେବ।
\s5
\v 18 ତୁମ୍ଭେ ମାୟାବିନୀକୁ ଜୀବିତା ରଖିବ ନାହିଁ।
\v 19 ଯେକେହି ପଶୁ ସହିତ ଯୌନ ସମ୍ପର୍କ ରଖେ, ତାହାର ଅବଶ୍ୟ ପ୍ରାଣଦଣ୍ଡ ହେବ।
\s5
\v 20 ଯେଉଁ ଲୋକ କେବଳ ସଦାପ୍ରଭୁଙ୍କ ବିନା କୌଣସି ଦେବତା ନିକଟରେ ବଳିଦାନ କରେ, ସେ ସମ୍ପୂର୍ଣ୍ଣ ରୂପେ ବିନଷ୍ଟ ହେବ।
\v 21 ତୁମ୍ଭେ ବିଦେଶୀ ପ୍ରତି ଅନ୍ୟାୟ ଓ ତାହା ପ୍ରତି ଉପଦ୍ରବ କରିବ ନାହିଁ, ଯେହେତୁ ତୁମ୍ଭେମାନେ ମିସର ଦେଶରେ ବିଦେଶୀ ଥିଲ।
\s5
\v 22 ତୁମ୍ଭେମାନେ କୌଣସି ବିଧବା କି ପିତୃହୀନ ସନ୍ତାନକୁ କ୍ଲେଶ ଦେବ ନାହିଁ।
\v 23 ତୁମ୍ଭେ ସେମାନଙ୍କୁ କୌଣସି ପ୍ରକାରେ କ୍ଲେଶ ଦେଲେ, ସେମାନେ ଯଦି ଆମ୍ଭ ନିକଟରେ ଖାଲି ଡାକ ପକାଇବେ, ତେବେ ଆମ୍ଭେ ଅବଶ୍ୟ ସେମାନଙ୍କର ଡାକ ଶୁଣିବା।
\v 24 ପୁଣି, ଆମ୍ଭର କ୍ରୋଧ ପ୍ରଜ୍ୱଳିତ ହେଲେ, ଆମ୍ଭେ ତୁମ୍ଭମାନଙ୍କୁ ଖଡ୍ଗ ଦ୍ୱାରା ମାରିବା; ତହିଁରେ ତୁମ୍ଭମାନଙ୍କର ଭାର୍ଯ୍ୟାମାନେ ବିଧବା ହେବେ ଓ ସନ୍ତାନଗଣ ପିତୃହୀନ ହେବେ।
\s5
\v 25 ତୁମ୍ଭେ ଯଦି ଆମ୍ଭ ଲୋକମାନଙ୍କ ମଧ୍ୟରେ ତୁମ୍ଭର ପ୍ରତିବାସୀ କୌଣସି ଦରିଦ୍ର ଲୋକଙ୍କୁ ଋଣ ଦିଅ, ତେବେ ତାହା ପ୍ରତି ମହାଜନ ତୁଲ୍ୟ ହେବ ନାହିଁ ଓ ତାହାଠାରୁ ସୁଧ ନେବ ନାହିଁ।
\v 26 ଯଦି ତୁମ୍ଭେ ଆପଣା ପ୍ରତିବାସୀର ବସ୍ତ୍ର ବନ୍ଧକ ରଖିବ, ତେବେ ତୁମ୍ଭେ ସୂର୍ଯ୍ୟାସ୍ତ ପୂର୍ବେ ତାହା ତାହାକୁ ଫେରାଇ ଦେବ।
\v 27 କାରଣ ତାହା ତାହାର ଏକମାତ୍ର ଆଚ୍ଛାଦନ ଓ ଚର୍ମ୍ମ ଆଚ୍ଛାଦକ ବସ୍ତ୍ର; ସେ କାହିଁରେ ଶୟନ କରିବ ? ପୁଣି, ସେ ଯଦି ଆମ୍ଭ ନିକଟରେ ଡାକ ପକାଇବ, ତେବେ ଆମ୍ଭେ ତାହା ଶୁଣିବା, କାରଣ ଆମ୍ଭେ କୃପାବାନ ଅଟୁ।
\s5
\v 28 ତୁମ୍ଭେ ଆପଣା ପରମେଶ୍ୱରଙ୍କୁ ଅବଜ୍ଞା କରିବ ନାହିଁ, ପୁଣି, ଆପଣା ଲୋକମାନଙ୍କର ଅଧ୍ୟକ୍ଷକୁ ଅଭିଶାପ ଦେବ ନାହିଁ।
\s5
\v 29 ତୁମ୍ଭେ ଆପଣା ଶସ୍ୟର ପୂର୍ଣ୍ଣତାରୁ ଓ (ଫଳାଦିର) ରସରୁ ଉତ୍ସର୍ଗ କରିବାକୁ ବିଳମ୍ବ କରିବ ନାହିଁ। ତୁମ୍ଭେ ଆପଣା ପ୍ରଥମଜାତ ପୁତ୍ରମାନଙ୍କୁ ଆମ୍ଭଙ୍କୁ ଦେବ।
\v 30 ପୁଣି, ଆପଣା ଗୋରୁ ଓ ମେଷାଦି ପ୍ରତି ତଦ୍ରୂପ କରିବ; ସେ ସାତ ଦିନ ଆପଣା ମାତା ସହିତ ରହିବ, ଅଷ୍ଟମ ଦିନରେ ତୁମ୍ଭେ ତାହା ଆମ୍ଭଙ୍କୁ ଦେବ।
\v 31 ପୁଣି, ତୁମ୍ଭେମାନେ ଆମ୍ଭ ଉଦ୍ଦେଶ୍ୟରେ ପବିତ୍ର ଲୋକ ହେବ; ଏନିମନ୍ତେ ପଶୁ ଦ୍ୱାରା କ୍ଷେତ୍ରରେ ବିଦୀର୍ଣ୍ଣ ମାଂସ ଖାଇବ ନାହିଁ; ତୁମ୍ଭେମାନେ ତାହା କୁକ୍କୁରମାନଙ୍କ ଆଗରେ ପକାଇ ଦେବ।
\s5
\c 23
\s ନ୍ୟାୟ ବିଚାର
\p
\v 1 ତୁମ୍ଭେ ମିଥ୍ୟାପବାଦ ଉତ୍‍ଥାପନ କରିବ ନାହିଁ; ଅନ୍ୟାୟ ସାକ୍ଷୀ ହୋଇ ଦୁଷ୍ଟର ସାହାଯ୍ୟ କରିବ ନାହିଁ।
\v 2 ତୁମ୍ଭେ ଦୁଷ୍କର୍ମ କରିବାକୁ ବହୁ ଲୋକର ପଶ୍ଚାଦ୍‍ବର୍ତ୍ତୀ ହେବ ନାହିଁ, ପୁଣି, ନ୍ୟାୟ ବିଚାର ଅନ୍ୟଥା କରିବା ପାଇଁ ବହୁ ଲୋକର ପକ୍ଷ ହୋଇ ପ୍ରତିବାଦ କରିବ ନାହିଁ;
\v 3 କିଅବା ବିଚାରରେ ଦରିଦ୍ରର ପକ୍ଷପାତ କରିବ ନାହିଁ।
\s5
\v 4 ତୁମ୍ଭେ ଆପଣା ଶତ୍ରୁର ଗୋରୁ କି ଗଧକୁ ପଥ ହୁଡ଼ି ଯିବାର ଦେଖିଲେ, ଅବଶ୍ୟ ତାହା ନିକଟକୁ ତାକୁ ଘେନିଯିବ।
\v 5 ଯଦି ତୁମ୍ଭେ ଆପଣା ଶତ୍ରୁର ଗର୍ଦ୍ଦଭକୁ ଭାର ତଳେ ପଡ଼ିଥିବାର ଦେଖ, ତାକୁ ଛାଡ଼ି ଯିବାରୁ ନିବୃତ୍ତ ହୁଅ, ତୁମ୍ଭେ ଅବଶ୍ୟ ତାହା ସଙ୍ଗରେ ତାକୁ ମୁକ୍ତ କରିବ।
\s5
\v 6 ଦରିଦ୍ରର ବିଚାରରେ ତୁମ୍ଭେ ତାହା ପ୍ରତି ଅନ୍ୟାୟ କରିବ ନାହିଁ।
\v 7 ମିଥ୍ୟା ବିଷୟରୁ ଆପଣାକୁ ଦୂରରେ ରଖ; ପୁଣି, ନିର୍ଦ୍ଦୋଷକୁ ଓ ଧାର୍ମିକକୁ ନଷ୍ଟ କର ନାହିଁ; ଯେହେତୁ ଆମ୍ଭେ ଦୁଷ୍ଟକୁ ନିର୍ଦ୍ଦୋଷ କରିବା ନାହିଁ।
\v 8 ତୁମ୍ଭେ ଲାଞ୍ଚ ନେବ ନାହିଁ, କାରଣ ଲାଞ୍ଚ ଦୃଷ୍ଟି ଥିବା ଲୋକମାନଙ୍କୁ
\f +
\fr 23:8
\ft କିଅବା ବିଚାରକର୍ତ୍ତାମାନଙ୍କୁ
\f* ଅନ୍ଧ କରି ଦିଏ ଓ ଧାର୍ମିକମାନଙ୍କର ବାକ୍ୟ ଅନ୍ୟଥା କରେ।
\v 9 ତୁମ୍ଭେ ବିଦେଶୀ ପ୍ରତି ଅତ୍ୟାଚାର କରିବ ନାହିଁ, କାରଣ ତୁମ୍ଭେ ବିଦେଶୀର ମନ ଜାଣୁଅଛ, ଯେହେତୁ ତୁମ୍ଭେମାନେ ମିସର ଦେଶରେ ବିଦେଶୀ ଥିଲ।
\s ସପ୍ତମ ବର୍ଷ ଓ ସପ୍ତମ ଦିନ
\p
\s5
\v 10 ଆଉ ତୁମ୍ଭେ ଆପଣା ଭୂମିରେ ଛଅ ବର୍ଷ ପର୍ଯ୍ୟନ୍ତ ବୀଜ ବପନ କରିବ ଓ ତହିଁରୁ ଉତ୍ପନ୍ନ ଶସ୍ୟାଦି ସଂଗ୍ରହ କରିବ।
\v 11 ମାତ୍ର ସପ୍ତମ ବର୍ଷରେ ତାକୁ ବିଶ୍ରାମ ଦେବ ଓ ପଡ଼ିଆ ରଖିବ; ତହିଁରେ ତୁମ୍ଭର ଦରିଦ୍ରମାନେ ଖାଇବାକୁ ପାଇବେ; ସେମାନେ ଯାହା ଅବଶିଷ୍ଟ ରଖିବେ, ତାହା ବନ ପଶୁମାନେ ଖାଇବେ। ପୁଣି, ତୁମ୍ଭ ଦ୍ରାକ୍ଷାକ୍ଷେତ୍ର ଓ ଜୀତ ବୃକ୍ଷ ପ୍ରତି ମଧ୍ୟ ସେହିରୂପ କରିବ।
\s5
\v 12 ତୁମ୍ଭେ ଛଅ ଦିନ ଆପଣା କର୍ମ କରି ସପ୍ତମ ଦିନରେ ବିଶ୍ରାମ କରିବ, ତହିଁରେ ତୁମ୍ଭର ଗୋରୁ ଓ ଗର୍ଦ୍ଦଭ ବିଶ୍ରାମ ପାଇବେ, ପୁଣି, ତୁମ୍ଭ ଦାସୀପୁତ୍ର ଓ ବିଦେଶୀ ଲୋକ ଆଶ୍ୱାସ ପାଇବେ।
\v 13 ଆମ୍ଭେ ତୁମ୍ଭମାନଙ୍କୁ ଯାହା ଯାହା କହିଅଛୁ, ସେସମସ୍ତ ବିଷୟରେ ସାବଧାନ ହୁଅ; ଅନ୍ୟ ଦେବଗଣର ନାମ ସ୍ମରଣ କରାଅ ନାହିଁ, କିଅବା ତୁମ୍ଭମାନଙ୍କ ମୁଖରୁ ତାହା ଶୁଣା ନ ଯାଉ।
\s ତିନୋଟି ବିଶେଷ ଉତ୍ସବ
\p
\s5
\v 14 ତୁମ୍ଭେ ବର୍ଷ ମଧ୍ୟରେ ତିନି ଥର ଆମ୍ଭ ଉଦ୍ଦେଶ୍ୟରେ ଉତ୍ସବ କରିବ।
\v 15 ତାଡ଼ିଶୂନ୍ୟ ରୁଟିର ଉତ୍ସବ ପାଳନ କରିବ; ଆମ୍ଭ ଆଜ୍ଞାନୁସାରେ ଆବୀବ୍‍ ମାସର ନିରୂପିତ ସମୟରେ ସାତ ଦିନ ତାଡ଼ିଶୂନ୍ୟ ରୁଟି ଭୋଜନ କରିବ, ଯେହେତୁ ତୁମ୍ଭେ ସେହି ସମୟରେ ମିସର ଦେଶରୁ ମୁକ୍ତି ପାଇଅଛ; ପୁଣି, କେହି ରିକ୍ତ ହସ୍ତରେ ଆମ୍ଭ ନିକଟରେ ଉପସ୍ଥିତ ହେବ ନାହିଁ।
\s5
\v 16 ଆଉ, ତୁମ୍ଭେ ଶସ୍ୟଚ୍ଛେଦନ ଉତ୍ସବ, ଅର୍ଥାତ୍‍, କ୍ଷେତରେ ଯାହା ବୁଣ, ତହିଁର ପ୍ରଥମ ସଂଗୃହୀତ ଫଳର ଉତ୍ସବ ପାଳନ କର; ପୁଣି, ବର୍ଷ ଶେଷରେ କ୍ଷେତରୁ ଫଳ ସଂଗ୍ରହ କରିବା ସମୟରେ ଫଳ ସଞ୍ଚୟର ଉତ୍ସବ ପାଳନ କର।
\v 17 ବର୍ଷ ମଧ୍ୟରେ ତିନି ଥର ତୁମ୍ଭର ସମସ୍ତ ପୁଂଜାତି, ପ୍ରଭୁ ସଦାପ୍ରଭୁଙ୍କ ସାକ୍ଷାତରେ ଉପସ୍ଥିତ ହେବେ।
\s5
\v 18 ତୁମ୍ଭେ ତାଡ଼ିଯୁକ୍ତ ଦ୍ରବ୍ୟ ସହିତ ଆମ୍ଭ ବଳିର ରକ୍ତ ଉତ୍ସର୍ଗ କରିବ ନାହିଁ; ପୁଣି, ଆମ୍ଭ ଉତ୍ସବ-ସମ୍ପର୍କୀୟ ମେଦ ରାତ୍ରିଯାକ ପ୍ରଭାତ ପର୍ଯ୍ୟନ୍ତ ରଖିବ ନାହିଁ।
\v 19 ତୁମ୍ଭ ଭୂମିର ପ୍ରଥମଜାତ ଫଳ ତୁମ୍ଭ ସଦାପ୍ରଭୁ ପରମେଶ୍ୱରଙ୍କ ଗୃହକୁ ଆଣିବ। ତୁମ୍ଭେ ଛାଗ ବତ୍ସକୁ ତାହାର ମାତୃ ଦୁଗ୍ଧରେ ପାକ କରିବ ନାହିଁ।
\s ପ୍ରତିଜ୍ଞା ଓ ନିର୍ଦ୍ଦେଶ
\p
\s5
\v 20 ଦେଖ, ଆମ୍ଭେ ତୁମ୍ଭକୁ ପଥରେ ରକ୍ଷା କରିବା ପାଇଁ ଓ ତୁମ୍ଭକୁ ଆମ୍ଭର ପ୍ରସ୍ତୁତ ସ୍ଥାନକୁ ଆଣିବା ପାଇଁ ତୁମ୍ଭ ଆଗେ ଆଗେ ଏକ ଦୂତ ପ୍ରେରଣ କରୁଅଛୁ।
\v 21 ତାହାଙ୍କ ବିଷୟରେ ସାବଧାନ ହୁଅ ଓ ତାହାଙ୍କ ରବରେ ଅବଧାନ କର; ତାହାଙ୍କର ଅସନ୍ତୋଷ ଜନ୍ମାଅ ନାହିଁ; କାରଣ ସେ ତୁମ୍ଭମାନଙ୍କ ଅଧର୍ମ କ୍ଷମା କରିବେ ନାହିଁ; ଯେହେତୁ ତାହାଙ୍କଠାରେ ଆମ୍ଭର ନାମ ଅଛି।
\v 22 ମାତ୍ର ତୁମ୍ଭେ ଯଦି ନିତାନ୍ତ ତାହାଙ୍କ ରବରେ ମନୋଯୋଗ କରିବ, ପୁଣି, ଆମ୍ଭେ ଯାହା ସବୁ କହୁ, ତାହା କରିବ; ତେବେ ଆମ୍ଭେ ତୁମ୍ଭ ଶତ୍ରୁମାନଙ୍କର ଶତ୍ରୁ ଓ ତୁମ୍ଭ ଶତ୍ରୁମାନଙ୍କର ଶତ୍ରୁ ହେବା।
\s5
\v 23 କାରଣ ଆମ୍ଭର ଦୂତ ତୁମ୍ଭ ଆଗେ ଆଗେ ଯାଇ ତୁମ୍ଭକୁ ଇମୋରୀୟ, ହିତ୍ତୀୟ, ପରିଷୀୟ, କିଣାନୀୟ, ହିବ୍ବୀୟ ଓ ଯିବୂଷୀୟମାନଙ୍କ ଦେଶକୁ ଆଣିବେ, ପୁଣି, ଆମ୍ଭେ ସେମାନଙ୍କୁ ଉଚ୍ଛିନ୍ନ କରିବା।
\v 24 ତୁମ୍ଭେ ସେମାନଙ୍କ ଦେବଗଣକୁ ପ୍ରଣାମ କରିବ ନାହିଁ ଓ ସେମାନଙ୍କର ସେବା କରିବ ନାହିଁ, ପୁଣି, ସେମାନଙ୍କ କ୍ରିୟାନୁସାରେ କ୍ରିୟା କରିବ ନାହିଁ; ମାତ୍ର ସେମାନଙ୍କୁ
\f +
\fr 23:24
\ft ଅର୍ଥାତ୍ ପ୍ରତିମାଗଣ କିଅବା ମୂର୍ତ୍ତିଗଣ
\f* ସମୂଳେ ଉତ୍ପାଟନ କରିବ ଓ ସେମାନଙ୍କ ସ୍ତମ୍ଭସବୁ ଭାଙ୍ଗି ପକାଇବ।
\v 25 ତୁମ୍ଭେମାନେ ଆପଣାମାନଙ୍କ ସଦାପ୍ରଭୁ ପରମେଶ୍ୱରଙ୍କର ସେବା କରିବ; ତହିଁରେ ସେ ତୁମ୍ଭମାନଙ୍କ ଅନ୍ନ ଓ ଜଳରେ ଆଶୀର୍ବାଦ କରିବେ, ପୁଣି, ଆମ୍ଭେ ତୁମ୍ଭ ମଧ୍ୟରୁ ରୋଗ ଦୂର କରିବା।
\s5
\v 26 ତୁମ୍ଭ ଦେଶରେ କାହାରି ଗର୍ଭପାତ ହେବ ନାହିଁ, ପୁଣି, କେହି ବନ୍ଧ୍ୟା ହେବ ନାହିଁ; ଆମ୍ଭେ ତୁମ୍ଭ ଆୟୁର ପରିମାଣ ପୂର୍ଣ୍ଣ କରିବା।
\v 27 ଆମ୍ଭେ ତୁମ୍ଭ ଆଗେ ଆଗେ ଆମ୍ଭ ବିଷୟକ ଭୟ ପ୍ରେରଣ କରିବା; ପୁଣି, ତୁମ୍ଭେ ଯେଉଁସବୁ ଲୋକଙ୍କ ନିକଟରେ ଉପସ୍ଥିତ ହେବ, ସେମାନଙ୍କୁ ବ୍ୟାକୁଳ କରିବା ଓ ଆମ୍ଭେ ତୁମ୍ଭର ଶତ୍ରୁଗଣକୁ ବିମୁଖ କରିବା।
\v 28 ଆମ୍ଭେ ତୁମ୍ଭ ଆଗେ ଆଗେ ବିରୁଡ଼ିମାନଙ୍କୁ ପଠାଇବା; ସେମାନେ ହିବ୍ବୀୟ, କିଣାନୀୟ ଓ ହିତ୍ତୀୟମାନଙ୍କୁ ତୁମ୍ଭ ସମ୍ମୁଖରୁ ଘଉଡ଼ାଇ ଦେବେ।
\v 29 ମାତ୍ର ଏକ ବର୍ଷରେ ତୁମ୍ଭ ସମ୍ମୁଖରୁ ସେମାନଙ୍କୁ ଘଉଡ଼ାଇ ଦେବା ନାହିଁ, ତାହାହେଲେ ଦେଶ ଶୂନ୍ୟ ହୋଇଯିବ ଓ ତୁମ୍ଭ ପ୍ରତିକୂଳରେ ବନ୍ୟ ପଶୁମାନଙ୍କ ସଂଖ୍ୟା ବୃଦ୍ଧି ପାଇବ।
\s5
\v 30 ତୁମ୍ଭେ ଯେପର୍ଯ୍ୟନ୍ତ ବର୍ଦ୍ଧିତ ହୋଇ ନାହଁ ଓ ଦେଶ ଅଧିକାର କରି ନାହଁ, ସେପର୍ଯ୍ୟନ୍ତ ଆମ୍ଭେ ତୁମ୍ଭ ସମ୍ମୁଖରୁ ସେମାନଙ୍କୁ କ୍ରମେ କ୍ରମେ ଘଉଡ଼ାଇ ଦେବା।
\v 31 ପୁଣି, ଆମ୍ଭେ ସୂଫ ସାଗରଠାରୁ ପଲେଷ୍ଟୀୟମାନଙ୍କର ସମୁଦ୍ର ପର୍ଯ୍ୟନ୍ତ ଓ ପ୍ରାନ୍ତରଠାରୁ ଫରାତ୍‍ ନଦୀ ପର୍ଯ୍ୟନ୍ତ ତୁମ୍ଭର ସୀମା ନିରୂପଣ କରିବା; କାରଣ ଆମ୍ଭେ ସେହି ଦେଶ ନିବାସୀମାନଙ୍କୁ ତୁମ୍ଭ ହସ୍ତରେ ସମର୍ପଣ କରିବା; ତହିଁରେ ତୁମ୍ଭେ ଆପଣା ସମ୍ମୁଖରୁ ସେମାନଙ୍କୁ ଘଉଡ଼ାଇ ଦେବ।
\v 32 ତୁମ୍ଭେ ସେମାନଙ୍କ ସହିତ କିମ୍ବା ସେମାନଙ୍କ ଦେବଗଣ ସହିତ କୌଣସି ନିୟମ ସ୍ଥିର କରିବ ନାହିଁ।
\v 33 ସେମାନେ ତୁମ୍ଭ ଦେଶରେ ବାସ କରିବେ ନାହିଁ, କଲେ ସେମାନେ ଆମ୍ଭ ବିରୁଦ୍ଧରେ ତୁମ୍ଭକୁ ପାପ କରାଇବେ; ଯେହେତୁ ତୁମ୍ଭେ ଯଦି ସେମାନଙ୍କ ଦେବଗଣର ସେବା କର, ତେବେ ତାହା ଅବଶ୍ୟ ତୁମ୍ଭର ଫାନ୍ଦ ସ୍ୱରୂପ ହେବ।
\s5
\c 24
\s ନିୟମ-ପୁସ୍ତକ ମୁଦ୍ରାଙ୍କନ
\p
\v 1 ଏଥିଉତ୍ତାରେ ସେ ମୋଶାଙ୍କୁ କହିଲେ, “ତୁମ୍ଭେ, ହାରୋଣ, ନାଦବ, ଅବୀହୂ ଓ ଇସ୍ରାଏଲର ପ୍ରାଚୀନବର୍ଗର ସତୁରି ଜଣ, ତୁମ୍ଭେମାନେ ସଦାପ୍ରଭୁଙ୍କ ନିକଟକୁ ଆରୋହଣ କରି ଆସି ଦୂରରେ ରହି ତାହାଙ୍କର ଭଜନା କର।
\v 2 କେବଳ ମୋଶା ସଦାପ୍ରଭୁଙ୍କ ନିକଟକୁ ଆସିବ, ମାତ୍ର ସେମାନେ ନିକଟକୁ ଆସିବେ ନାହିଁ, କିଅବା ଲୋକମାନେ ତାହା ସଙ୍ଗେ ଆରୋହଣ କରିବେ ନାହିଁ।”
\s5
\v 3 ତେବେ ମୋଶା ଆସି ସଦାପ୍ରଭୁଙ୍କର ସେହିସବୁ ବାକ୍ୟ ଓ ନିୟମ ବିଷୟ ଲୋକମାନଙ୍କୁ କହନ୍ତେ, ସମସ୍ତେ ଏକ ସ୍ୱରରେ ଉତ୍ତର କଲେ, “ସଦାପ୍ରଭୁ ଯେଉଁ ସବୁ କଥା କହିଅଛନ୍ତି, ତାହାସବୁ ଆମ୍ଭେମାନେ ପାଳନ କରିବା।”
\v 4 ଏଥିଉତ୍ତାରେ ମୋଶା ସଦାପ୍ରଭୁଙ୍କର ସମସ୍ତ ବାକ୍ୟ ଲେଖିଲେ, ପୁଣି, ପ୍ରଭାତରେ ଉଠି ପର୍ବତ ତଳେ ଗୋଟିଏ ଯଜ୍ଞବେଦି ଓ ଇସ୍ରାଏଲର ଦ୍ୱାଦଶ ବଂଶାନୁସାରେ ଦ୍ୱାଦଶ ସ୍ତମ୍ଭ ନିର୍ମାଣ କଲେ।
\s5
\v 5 ଆଉ, ସେ ଇସ୍ରାଏଲ ସନ୍ତାନଗଣର ଯୁବାମାନଙ୍କୁ ପଠାନ୍ତେ, ସେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମାର୍ଥେ ଓ ମଙ୍ଗଳାର୍ଥେ ବୃଷମାନଙ୍କୁ ବଳିଦାନ କଲେ।
\v 6 ତହୁଁ ମୋଶା ରକ୍ତ ଘେନି ତହିଁର ଅର୍ଦ୍ଧେକ ପାତ୍ରରେ ରଖିଲେ, ଆଉ ଅର୍ଦ୍ଧେକ ରକ୍ତ ବେଦି ଉପରେ ସେଚନ କଲେ।
\s5
\v 7 ପୁଣି, ନିୟମ-ପୁସ୍ତକ ନେଇ ଲୋକମାନଙ୍କ କର୍ଣ୍ଣ-ଗୋଚରରେ ପାଠ କଲେ; ତହିଁରେ ସେମାନେ କହିଲେ, “ସଦାପ୍ରଭୁ ଯାହା ଯାହା କହିଅଛନ୍ତି, ତାହା ସବୁ ଆମ୍ଭେମାନେ ପାଳନ କରିବା ଓ ଆଜ୍ଞାବହ ହେବା।”
\v 8 ତହୁଁ ମୋଶା ସେହି ରକ୍ତ ଘେନି ଲୋକମାନଙ୍କ ଉପରେ ସେଚନ କରି କହିଲେ, “ଦେଖ, ସଦାପ୍ରଭୁ ତୁମ୍ଭମାନଙ୍କ ସହିତ ଏହି ସମସ୍ତ ବାକ୍ୟ ସମ୍ବନ୍ଧୀୟ ଯେଉଁ ନିୟମ କରିଅଛନ୍ତି, ସେହି ନିୟମର ରକ୍ତ ଏହି।”
\s5
\v 9 ତେବେ ମୋଶା, ହାରୋଣ, ନାଦବ, ଅବୀହୂ ଓ ଇସ୍ରାଏଲର ପ୍ରାଚୀନବର୍ଗର ସତୁରି ଜଣ ଆରୋହଣ କଲେ; ଆଉ ସେମାନେ ଇସ୍ରାଏଲର ପରମେଶ୍ୱରଙ୍କୁ ଦର୍ଶନ କଲେ।
\v 10 ପୁଣି, ତାହାଙ୍କ ଚରଣତଳ ସ୍ଥାନ ଉଜ୍ଜ୍ୱଳ ନୀଳକାନ୍ତ ମଣି ନିର୍ମିତ କାର୍ଯ୍ୟ ତୁଲ୍ୟ ଓ ନିର୍ମଳତାରେ ଠିକ୍‍ ଆକାଶ ପରି ଥିଲା।
\v 11 ଆଉ ସେ ଇସ୍ରାଏଲ ସନ୍ତାନଗଣର ଅଧ୍ୟକ୍ଷମାନଙ୍କ ବିରୁଦ୍ଧରେ ହସ୍ତ ବିସ୍ତାର କଲେ ନାହିଁ; ମାତ୍ର ସେମାନେ ପରମେଶ୍ୱରଙ୍କୁ ଦର୍ଶନ କଲେ, ପୁଣି, ଭୋଜନ ଓ ପାନ କଲେ।
\s ସୀନୟ ପର୍ବତରେ ମୋଶା
\p
\s5
\v 12 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ପର୍ବତ ଆରୋହଣ କରି ଆମ୍ଭ ନିକଟକୁ ଆସି ଏହି ସ୍ଥାନରେ ଥାଅ; ତହିଁରେ ଆମ୍ଭେ ଲୋକମାନଙ୍କ ଶିକ୍ଷା ନିମନ୍ତେ ଯାହା ଲେଖିଅଛୁ, ତାହା, ଅର୍ଥାତ୍‍, ବ୍ୟବସ୍ଥା ଓ ଆଜ୍ଞା ସମ୍ବନ୍ଧୀୟ ଦୁଇ ଖଣ୍ଡ ପ୍ରସ୍ତର-ଫଳକ ତୁମ୍ଭକୁ ଦେବା।”
\v 13 ତହିଁରେ ମୋଶା ଓ ତାଙ୍କର ପରିଚାରକ ଯିହୋଶୂୟ ଉଠିଲେ; ପୁଣି, ମୋଶା ପରମେଶ୍ୱରଙ୍କ ପର୍ବତରେ ଆରୋହଣ କଲେ।
\s5
\v 14 ଆଉ ସେ ପ୍ରାଚୀନବର୍ଗଙ୍କୁ କହିଲେ, “ଆମ୍ଭେମାନେ ଯେପର୍ଯ୍ୟନ୍ତ ତୁମ୍ଭ ନିକଟକୁ ବାହୁଡ଼ି ନ ଆସୁ, ସେପର୍ଯ୍ୟନ୍ତ ତୁମ୍ଭେମାନେ ଆମ୍ଭମାନଙ୍କ ଅପେକ୍ଷାରେ ଏହିଠାରେ ଥାଅ; ଦେଖ, ହାରୋଣ ଓ ହୂର ତୁମ୍ଭମାନଙ୍କ ନିକଟରେ ଅଛନ୍ତି, କାହାରି କୌଣସି ବିବାଦର କଥା ଉପସ୍ଥିତ ହେଲେ, ସେ ସେମାନଙ୍କ ନିକଟକୁ ଯାଉ।”
\v 15 ଏଉତ୍ତାରେ ମୋଶା ପର୍ବତରେ ଚଢ଼ିଲେ, ପୁଣି, ମେଘ ପର୍ବତକୁ ଆଚ୍ଛାଦନ କଲା।
\s5
\v 16 ତହିଁରେ ସୀନୟ ପର୍ବତ ଉପରେ ସଦାପ୍ରଭୁଙ୍କ ପ୍ରତାପ ଅବସ୍ଥିତି କଲା; ଆଉ ତାହା ଛଅ ଦିନ ମେଘାଚ୍ଛନ୍ନ ହୋଇ ରହିଲା; ତହିଁ ଉତ୍ତାରେ ସେ ସପ୍ତମ ଦିନ ମେଘ ମଧ୍ୟରୁ ମୋଶାଙ୍କୁ ଡାକିଲେ।
\v 17 ତହିଁରେ ଇସ୍ରାଏଲ ସନ୍ତାନଗଣର ଦୃଷ୍ଟିରେ ପର୍ବତ ଶୃଙ୍ଗରେ ଗ୍ରାସକାରୀ ଅଗ୍ନି ତୁଲ୍ୟ ସଦାପ୍ରଭୁଙ୍କର ପ୍ରତାପ ପ୍ରକାଶିତ ହେଲା।
\v 18 ପୁଣି, ମୋଶା ମେଘ ମଧ୍ୟରେ ପ୍ରବେଶ କରି ପର୍ବତ ଉପରେ ଉଠି ଚାଳିଶ ଦିବାରାତ୍ର ସେହି ପର୍ବତ ଉପରେ ରହିଲେ।
\s5
\c 25
\s ପବିତ୍ର ସ୍ଥାନ ନିମନ୍ତେ ଉପହାର
\p
\v 1 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
\v 2 “ତୁମ୍ଭେ ଇସ୍ରାଏଲ-ସନ୍ତାନଗଣଙ୍କୁ ଆମ୍ଭ ନିମନ୍ତେ ଉପହାର ସଂଗ୍ରହ କରିବାକୁ କୁହ; ଯାହାର ହୃଦୟ ଯାହାକୁ ଇଚ୍ଛୁକ କରାଏ, ତାହାଠାରୁ ତୁମ୍ଭେମାନେ ଆମ୍ଭର ସେହି ଉପହାର ଗ୍ରହଣ କରିବ।
\s5
\v 3 ଅର୍ଥାତ୍‍, ସ୍ୱର୍ଣ୍ଣ, ରୌପ୍ୟ ଓ ପିତ୍ତଳ;
\v 4 ପୁଣି, ନୀଳ ବର୍ଣ୍ଣ, ଧୂମ୍ର ବର୍ଣ୍ଣ, ସିନ୍ଦୂର ବର୍ଣ୍ଣ, ଶୁଭ୍ର କ୍ଷୌମସୂତ୍ର, ଛାଗର ଲୋମ,
\v 5 ରକ୍ତୀକୃତ ମେଷର ଚର୍ମ ଓ ଶିଶୁକ ଚର୍ମ, ଶିଟୀମ୍‍ କାଷ୍ଠ,
\v 6 ଦୀପ ନିମନ୍ତେ ତୈଳ ପୁଣି, ଅଭିଷେକାର୍ଥ ତୈଳ ଓ ସୁଗନ୍ଧି ଧୂପ ନିମନ୍ତେ ଗନ୍ଧଦ୍ରବ୍ୟ,
\v 7 ପୁଣି, ଏଫୋଦ ଓ ବୁକୁପଟା ନିମନ୍ତେ ଗୋମେଦକ ମଣି ପ୍ରଭୃତି ଖଚନୀୟ ପ୍ରସ୍ତର; ଏହି ସମସ୍ତ ଉପହାର ସେମାନଙ୍କଠାରୁ ଗ୍ରହଣ କରିବ।
\s5
\v 8 ସେମାନେ ଆମ୍ଭ ନିମନ୍ତେ ଗୋଟିଏ ପବିତ୍ର ସ୍ଥାନ ନିର୍ମାଣ କରନ୍ତୁ; ତହିଁରେ ଆମ୍ଭେ ସେମାନଙ୍କ ମଧ୍ୟରେ ବାସ କରିବା।
\v 9 ଆବାସର ଆକାର ଓ ତହିଁର ସମସ୍ତ ପାତ୍ରର ଆକାରାଦିର ଯେଉଁ ଆଦର୍ଶ ଆମ୍ଭେ ତୁମ୍ଭକୁ ଦେଖାଇବା, ତଦନୁସାରେ ତୁମ୍ଭେମାନେ ସମସ୍ତ କରିବ।
\s ନିୟମ ସିନ୍ଦୁକ
\p
\s5
\v 10 ଆଉ, ସେମାନେ ଅଢ଼ାଇ ହସ୍ତ ଦୀର୍ଘ, ଦେଢ଼ ହସ୍ତ ପ୍ରସ୍ଥ ଓ ଦେଢ଼ ହସ୍ତ ଉଚ୍ଚ ଶିଟୀମ୍‍ କାଷ୍ଠର ଏକ ସିନ୍ଦୁକ ନିର୍ମାଣ କରିବେ।
\v 11 ତହୁଁ ତୁମ୍ଭେ ନିର୍ମଳ ସୁବର୍ଣ୍ଣରେ ତାହା ମଡ଼ାଇବ; ପୁଣି, ତହିଁର ଭିତର ଓ ବାହାର ହିଁ ମଡ଼ାଇବ, ପୁଣି, ତହିଁ ଉପର ଚତୁର୍ଦ୍ଦିଗରେ ସ୍ୱର୍ଣ୍ଣର କାନ୍ଥି କରିବ।
\s5
\v 12 ପୁଣି, ତହିଁ ନିମନ୍ତେ ସ୍ୱର୍ଣ୍ଣର ଚାରି କଡ଼ା ଛାଞ୍ଚରେ ଢାଳି ତହିଁର ଚାରି କୋଣରେ ଦେବ; ତହିଁର ଏକ ପାର୍ଶ୍ୱରେ ଦୁଇ କଡ଼ା ଓ ଅନ୍ୟ ପାର୍ଶ୍ୱରେ ଦୁଇ କଡ଼ା ରହିବ।
\v 13 ଆଉ ତୁମ୍ଭେ ଶିଟୀମ୍‍ କାଷ୍ଠରେ ଦୁଇ ସାଙ୍ଗୀ କରି ସ୍ୱର୍ଣ୍ଣରେ ମଡ଼ାଇବ।
\v 14 ପୁଣି, ସିନ୍ଦୁକ ବହିବା ନିମନ୍ତେ ସିନ୍ଦୁକର ଦୁଇ ପାର୍ଶ୍ୱସ୍ଥ କଡ଼ାରେ ସେହି ସାଙ୍ଗୀ ପ୍ରବେଶ କରାଇବ।
\s5
\v 15 ସେହି ସାଙ୍ଗୀ ସିନ୍ଦୁକର କଡ଼ାରେ ଥିବ, ତହିଁରୁ ବାହାର କରାଯିବ ନାହିଁ।
\v 16 ପୁଣି, ଆମ୍ଭେ ତୁମ୍ଭକୁ ଯେଉଁ ସାକ୍ଷ୍ୟପତ୍ର ଦେବା, ତାହା ସେହି ସିନ୍ଦୁକରେ ରଖିବ।
\v 17 ଏଉତ୍ତାରେ ତୁମ୍ଭେ ଶୁଦ୍ଧ ସୁବର୍ଣ୍ଣରେ ଅଢ଼ାଇ ହସ୍ତ ଦୀର୍ଘ ଓ ଦେଢ଼ ହସ୍ତ ପ୍ରସ୍ଥ ଏକ ପାପାଚ୍ଛାଦନ ନିର୍ମାଣ କରିବ।
\v 18 ତୁମ୍ଭେ ସୁବର୍ଣ୍ଣର ଦୁଇ କିରୂବ ପ୍ରସ୍ତୁତ କରିବ; ପିଟା କର୍ମରେ ତାହା ପ୍ରସ୍ତୁତ କରି ସେହି ପାପାଚ୍ଛାଦନର ଦୁଇ ମୁଣ୍ଡରେ ଦେବ।
\s5
\v 19 ଏକ କିରୂବ ଏକ ମୁଣ୍ଡରେ ଓ ଅନ୍ୟ କିରୂବ ଅନ୍ୟ ମୁଣ୍ଡରେ ସ୍ଥାପନ କରିବ; ଦୁଇ କିରୂବକୁ ପାପାଚ୍ଛାଦନ ସହିତ ସଂଲଗ୍ନ ଓ ତହିଁର ଦୁଇ ପ୍ରାନ୍ତରେ ଉଭା କରି ସ୍ଥାପନ କରିବ।
\v 20 ପୁଣି, କିରୂବମାନେ ପରସ୍ପର ସମ୍ମୁଖୀନ ହୋଇ ପକ୍ଷ ଉର୍ଦ୍ଧ୍ୱକୁ ବିସ୍ତାର କରି ପାପାଚ୍ଛାଦନ ଆବରଣ କରିବେ; ପାପାଚ୍ଛାଦନ ପ୍ରତି କିରୂବମାନଙ୍କର ମୁଖ ରହିବ।
\v 21 ତୁମ୍ଭେ ସେହି ପାପାଚ୍ଛାଦନ ସେହି ସିନ୍ଦୁକ ଉପରେ ରଖିବ, ପୁଣି, ଆମ୍ଭେ ତୁମ୍ଭକୁ ଯେଉଁ ସାକ୍ଷ୍ୟପତ୍ର ଦେବା, ତାହା ସେହି ସିନ୍ଦୁକ ଭିତରେ ଥୋଇବ।
\s5
\v 22 ଆଉ ଆମ୍ଭେ ସେହି ସ୍ଥାନରେ ତୁମ୍ଭ ସହିତ ସାକ୍ଷାତ କରିବା ଓ ପାପାଚ୍ଛାଦନର ଉପରି ଭାଗରୁ, ଅର୍ଥାତ୍‍, ସାକ୍ଷ୍ୟ-ସିନ୍ଦୁକର ଉପରିସ୍ଥ କିରୂବ ଦ୍ୱୟ ମଧ୍ୟରୁ ତୁମ୍ଭ ସଙ୍ଗେ ଆଳାପ କରି ଇସ୍ରାଏଲ ସନ୍ତାନଗଣ ବିଷୟକ ଆମ୍ଭର ସମସ୍ତ ଆଜ୍ଞା ତୁମ୍ଭକୁ ଜଣାଇବା।
\s ଦର୍ଶନୀୟ ରୁଟିର ମେଜ
\p
\s5
\v 23 ତହିଁ ଉତ୍ତାରୁ ତୁମ୍ଭେ ଶିଟୀମ୍‍ କାଷ୍ଠରେ ଦୁଇ ହସ୍ତ ଦୀର୍ଘ ଓ ଏକ ହସ୍ତ ପ୍ରସ୍ଥ ଓ ଦେଢ଼ ହସ୍ତ ଉଚ୍ଚ ଗୋଟିଏ ମେଜ ନିର୍ମାଣ କରି
\v 24 ନିର୍ମଳ ସ୍ୱର୍ଣ୍ଣରେ ତାହା ମଡ଼ାଇବ, ପୁଣି, ତହିଁର ଚତୁର୍ଦ୍ଦିଗରେ ସ୍ୱର୍ଣ୍ଣର କାନ୍ଥି କରିବ।
\s5
\v 25 ପୁଣି, ତହିଁର ଚତୁର୍ଦ୍ଦିଗରେ ଚତୁର୍ଙ୍ଗୁଳି ପରିମିତ ଏକ ବେଷ୍ଟନ କରିବ ଓ ସେହି ବେଷ୍ଟନର ଚତୁର୍ଦ୍ଦିଗରେ ସୁବର୍ଣ୍ଣ କାନ୍ଥି କରିବ।
\v 26 ଆଉ ସୁବର୍ଣ୍ଣ ନିର୍ମିତ ଚାରି କଡ଼ା କରି ତହିଁର ଚାରି ପାହ୍ୟାର ଚାରି କୋଣରେ ରଖିବ।
\v 27 ମେଜ ବହନାର୍ଥେ ସାଙ୍ଗୀର ଘରା ନିମନ୍ତେ ସେହି କଡ଼ା ବେଷ୍ଟନ-ପାର୍ଶ୍ୱରେ ଥିବ।
\s5
\v 28 ପୁଣି, ସେହି ମେଜ ବହନାର୍ଥେ ଶିଟୀମ୍‍ କାଷ୍ଠରେ ସାଙ୍ଗୀ ପ୍ରସ୍ତୁତ କରି ସ୍ୱର୍ଣ୍ଣରେ ମଡ଼ାଇବ।
\v 29 ପୁଣି, ଥାଳୀ, ଚାମଚ, ଗଡ଼ୁ ଓ ଢାଳିବା ନିମନ୍ତେ ପାତ୍ର ନିର୍ମାଣ କରିବ, ଏହି ସମସ୍ତ ଶୁଦ୍ଧ ସୁବର୍ଣ୍ଣରେ ନିର୍ମାଣ କରିବ।
\v 30 ତୁମ୍ଭେ ସେହି ମେଜ ଉପରେ ଆମ୍ଭ ସମ୍ମୁଖରେ ସର୍ବଦା ଦର୍ଶନୀୟ ରୁଟି ରଖିବ।
\s ସୁବର୍ଣ୍ଣ ଦୀପବୃକ୍ଷ
\p
\s5
\v 31 ଆହୁରି, ତୁମ୍ଭେ ନିର୍ମଳ ସୁବର୍ଣ୍ଣର ଏକ ଦୀପବୃକ୍ଷ ନିର୍ମାଣ କରିବ; ପିଟା କର୍ମରେ ଦୀପବୃକ୍ଷ, ତହିଁର ଗଣ୍ଡି ଓ ଶାଖା ନିର୍ମିତ ହେବ; ଆଉ ଗୋଲାଧାର, କଳିକା ଓ ପୁଷ୍ପ ତହିଁରେ ସଂଲଗ୍ନ ରହିବ।
\v 32 ଅର୍ଥାତ୍‍, ତହିଁର ଏକ ପାର୍ଶ୍ୱରୁ ତିନି ଦୀପଶାଖା ଓ ଅନ୍ୟ ପାର୍ଶ୍ୱରୁ ତିନି ଦୀପଶାଖା, ଏହିରୂପେ ଦୁଇ ପାର୍ଶ୍ୱରୁ ଛଅ ଶାଖା ନିର୍ଗତ ହେବ।
\s5
\v 33 ତହିଁର ଏକ ଶାଖାରେ ବାଦାମ ପୁଷ୍ପାକୃତି ତିନି ଗୋଲାଧାର, କଳିକା ଓ ପୁଷ୍ପ ରହିବ, ପୁଣି, ଅନ୍ୟ ଶାଖାରେ ବାଦାମ ପୁଷ୍ପାକୃତି ତିନି ଗୋଲାଧାର, କଳିକା ଓ ପୁଷ୍ପ ରହିବ; ସେହି ଦୀପବୃକ୍ଷରୁ ନିର୍ଗତ ଛଅ ଶାଖାରେ ଏହିରୂପେ ହେବ।
\v 34 ମାତ୍ର ଦୀପବୃକ୍ଷରେ ବାଦାମ ପୁଷ୍ପାକୃତି ଚାରି ଗୋଲାଧାର, କଳିକା ଓ ପୁଷ୍ପ ରହିବ;
\s5
\v 35 ପୁଣି, ସେହି ଦୀପବୃକ୍ଷରୁ ଯେଉଁ ଛଅ ଶାଖା ନିର୍ଗତ ହୁଏ, ସେମାନଙ୍କ ଏକ ଶାଖା ଦ୍ୱୟର ତଳେ ଏକ କଳିକା ଓ ଦ୍ୱିତୀୟ ଶାଖା ଦ୍ୱୟର ତଳେ ଏକ କଳିକା ଓ ତୃତୀୟ ଶାଖା ଦ୍ୱୟର ତଳେ ଏକ କଳିକା ରହିବ।
\v 36 ଆଉ, କଳିକା, ଶାଖା ତହିଁର ଅଂଶ ହେବ ଓ ସମସ୍ତ ନିର୍ମଳ ସ୍ୱର୍ଣ୍ଣରେ ନିର୍ମିତ ଏକ ପିଟା କର୍ମ ହେବ।
\s5
\v 37 ଆଉ, ତୁମ୍ଭେ ତହିଁ ପାଇଁ ସପ୍ତ ପ୍ରଦୀପ ନିର୍ମାଣ କରିବ; ତହିଁରେ ଲୋକମାନେ ସେହି ପ୍ରଦୀପ ଜ୍ୱଳାଇଲେ, ତହିଁର ସମ୍ମୁଖରେ ଆଲୁଅ ହେବ
\v 38 ଏବଂ ନିର୍ମଳ ସୁବର୍ଣ୍ଣରେ ତହିଁର ଚିମୁଟା ଓ ଅଙ୍ଗାରଦାନି ନିର୍ମାଣ କରିବ।
\v 39 ଏହି ଦୀପବୃକ୍ଷ ଓ ତହିଁର ସାମଗ୍ରୀ ସର୍ବସୁଦ୍ଧା ଏକ ତାଳନ୍ତ
\f +
\fr 25:39
\ft ୩୩ କିଲୋଗ୍ରାମ୍
\f* ନିର୍ମଳ ସୁବର୍ଣ୍ଣରେ ନିର୍ମିତ ହେବ।
\v 40 ସାବଧାନ, ପର୍ବତରେ ତୁମ୍ଭକୁ ତହିଁର ଯେଉଁ ଯେଉଁ ଆଦର୍ଶ ପ୍ରଦର୍ଶିତ ହୋଇଅଛି, ସେହିରୂପେ ସମସ୍ତ କର।
\s5
\c 26
\s ଆବାସ (ତମ୍ବୁ)
\p
\v 1 ଆହୁରି ତୁମ୍ଭେ ଦଶ ଯବନିକା ଦ୍ୱାରା ଆବାସ ପ୍ରସ୍ତୁତ କରିବ; ସେହି ସବୁ ଯବନିକା ଶୁଭ୍ର କ୍ଷୋମ, ନୀଳ, ଧୂମ୍ର ଓ ସିନ୍ଦୂର ବର୍ଣ୍ଣ ସୂତ୍ରରେ ନିର୍ମିତ ହେବ, ତହିଁରେ ଶିଳ୍ପୀତ କିରୂବମାନଙ୍କର ଆକୃତି ରହିବ।
\v 2 ସେହି ପ୍ରତ୍ୟେକ ଯବନିକା ଅଠାଇଶ ହସ୍ତ ଦୀର୍ଘ ଓ ଚାରି ହସ୍ତ ପ୍ରସ୍ଥ, ସମସ୍ତ ଯବନିକାର ଏକ ପରିମାଣ ହେବ।
\v 3 ପୁଣି, ଏକତ୍ର ପାଞ୍ଚ ଯବନିକାର ପରସ୍ପର ଯୋଗ ରହିବ, ଆଉ ଅବଶିଷ୍ଟ ପାଞ୍ଚ ଯବନିକାର ପରସ୍ପର ଯୋଗ ରହିବ।
\s5
\v 4 ଆଉ ଯୋଡ଼ ସ୍ଥାନରେ ପ୍ରଥମ ଶେଷ ଯବନିକାର ଧଡ଼ିରେ ନୀଳ ସୂତ୍ରର ଫାଶ କରିବ ଓ ଯୋଡ଼ ସ୍ଥାନରେ ଦ୍ୱିତୀୟ ଅନ୍ତ୍ୟ ଯବନିକାର ଧଡ଼ିରେ ତଦ୍ରୂପ କରିବ।
\v 5 ଅର୍ଥାତ୍‍, ପ୍ରଥମ ଯବନିକାର ଧଡ଼ିରେ ପଚାଶ ଫାଶ କରିବ ଓ ଯୋଡ଼ସ୍ଥାନର ଦ୍ୱିତୀୟ ଯବନିକାର ଧଡ଼ିରେ ପଚାଶ ଫାଶ କରିବ; ସେହି ଦୁଇ ଫାଶ-ଶ୍ରେଣୀ ପରସ୍ପର ସମ୍ମୁଖୀନ ରହିବ।
\v 6 ପୁଣି, ପଚାଶ ସ୍ୱର୍ଣ୍ଣ ଆଙ୍କୁଡ଼ା କରି ଆଙ୍କୁଡ଼ାରେ ଯବନିକା ସକଳ ପରସ୍ପର ଯୋଡ଼ିବ; ତହିଁରେ ଏକ ଆବାସ ହେବ।
\s5
\v 7 ଆଉ ସେହି ଆବାସ ଉପରେ ଆଚ୍ଛାଦନାର୍ଥକ ତମ୍ବୁ ନିମନ୍ତେ ଛାଗ ଲୋମର ଏକାଦଶ ଯବନିକା ପ୍ରସ୍ତୁତ କରିବ।
\v 8 ସେହି ପ୍ରତ୍ୟେକ ଯବନିକାର ଦୈର୍ଘ୍ୟ ତିରିଶ ହସ୍ତ ଓ ପ୍ରସ୍ଥ ଚାରି ହସ୍ତ; ଏହି ଏକାଦଶ ଯବନିକାର ଏକ ପରିମାଣ ହେବ।
\v 9 ଏଉତ୍ତାରେ ପାଞ୍ଚ ଯବନିକା ପରସ୍ପର ଯୋଡ଼ି ପୃଥକ ରଖିବ ଓ ଅନ୍ୟ ଛଅ ଯବନିକା ପୃଥକ ରଖିବ, ପୁଣି, ଏମାନଙ୍କ ମଧ୍ୟରୁ ଷଷ୍ଠ ଯବନିକା ଦୋହରା କରି ତମ୍ବୁ ସମ୍ମୁଖରେ ରଖିବ।
\s5
\v 10 ଆଉ ଯୋଡ଼ ସ୍ଥାନରେ ପ୍ରଥମ ଶେଷ ଯବନିକାର ଧଡ଼ିରେ ପଚାଶ ଫାଶ କରିବ ଓ ଦ୍ୱିତୀୟ ଯବନିକାର ଯୋଡ଼ସ୍ଥାନ ଧଡ଼ିରେ ପଚାଶ ଫାଶ କରିବ।
\v 11 ଆଉ ପିତ୍ତଳର ପଚାଶ ଆଙ୍କୁଡ଼ା କରି ସେହି ଫାଶରେ ପ୍ରବେଶ କରାଇ ତମ୍ବୁ ଯୋଡ଼ିବ; ତହିଁରେ ତାହା ଏକ ତମ୍ବୁ ହେବ।
\s5
\v 12 ସେହି ତମ୍ବୁ ଯବନିକାର ଅତିରିକ୍ତ ଅଂଶ, ଅର୍ଥାତ୍‍, ଯେଉଁ ଯବନିକା ଅର୍ଦ୍ଧ ଅତିରିକ୍ତ ଥିବ, ତାହା ଆବାସର ପଶ୍ଚାତ୍‍ ପାର୍ଶ୍ୱରେ ଓହଳି ରହିବ।
\v 13 ଆଉ ତମ୍ବୁ ଯବନିକାର ଅବଶିଷ୍ଟ ଯେଉଁ ଦୀର୍ଘ ଅଂଶ ଏ ପାର୍ଶ୍ୱରେ ଏକ ହସ୍ତ ଓ ସେ ପାର୍ଶ୍ୱରେ ଏକ ହସ୍ତ ଅତିରିକ୍ତ ରହିବ, ତାହା ଆବାସର ଏ ପାର୍ଶ୍ୱ ସେ ପାର୍ଶ୍ୱରେ ଆଚ୍ଛାଦନାର୍ଥେ ଝୁଲିବ।
\v 14 ଏଉତ୍ତାରେ ତୁମ୍ଭେ ରକ୍ତୀକୃତ ମେଷର ଚର୍ମରେ ତମ୍ବୁର ଏକ ଛାତ କରିବ, ଆଉ ତହିଁ ଉପରେ ଶିଶୁକ ଚର୍ମରେ ଏକ ଛାତ କରିବ।
\s5
\v 15 ଏଥିଉତ୍ତାରେ ତୁମ୍ଭେ ଆବାସ ନିମନ୍ତେ ଶିଟୀମ୍‍ କାଷ୍ଠର ଠିଆପଟା ପ୍ରସ୍ତୁତ କରିବ।
\v 16 ଏକ ଏକ ପଟା ଦଶ ହସ୍ତ ଦୀର୍ଘ ଓ ଦେଢ଼ ହସ୍ତ ପ୍ରସ୍ଥ ହେବ।
\v 17 ତହିଁର ପରସ୍ପର ଅନୁରୂପ ଦୁଇ ପାଦ କରିବ; ଏହିରୂପେ ଆବାସର ସମସ୍ତ ପଟା ନିମନ୍ତେ ପ୍ରସ୍ତୁତ କରିବ।
\v 18 ଆଉ ଆବାସ ନିମନ୍ତେ ଯେଉଁ ସବୁ ପଟା କରିବ, ସେ ସବୁ ମଧ୍ୟରୁ ଦକ୍ଷିଣ ଦିଗରେ ଦକ୍ଷିଣ ପାର୍ଶ୍ୱ ନିମନ୍ତେ କୋଡ଼ିଏ ପଟା।
\s5
\v 19 ପୁଣି, ସେହି କୋଡ଼ିଏ ପଟା ତଳେ ଚାଳିଶ ରୂପାର ଚୁଙ୍ଗୀ କରିବ; ଏକ ପଟା ତଳେ ତହିଁର ଦୁଇ ପଦ ନିମନ୍ତେ ଦୁଇ ଚୁଙ୍ଗୀ ଓ ଅନ୍ୟାନ୍ୟ ପଟା ତଳେ ମଧ୍ୟ ସେମାନଙ୍କ ଦୁଇ ଦୁଇ ପଦ ନିମନ୍ତେ ଦୁଇ ଚୁଙ୍ଗୀ ହେବ।
\v 20 ପୁଣି, ଆବାସର ଅନ୍ୟ ପାର୍ଶ୍ୱ ନିମନ୍ତେ ଉତ୍ତର ଦିଗରେ କୋଡ଼ିଏ ପଟା ହେବ।
\v 21 ଏକ ପଟା ତଳେ ଦୁଇ ଚୁଙ୍ଗୀ ଓ ଅନ୍ୟାନ୍ୟ ପଟା ତଳେ ଦୁଇ ଦୁଇ ଚୁଙ୍ଗୀ; ଏରୂପେ ରୂପାର ଚାଳିଶ ଚୁଙ୍ଗୀ ହେବ।
\s5
\v 22 ଆବାସର ପଶ୍ଚିମ ଦିଗସ୍ଥ ପଶ୍ଚାତ୍‍ ପାର୍ଶ୍ୱ ନିମନ୍ତେ ଛଅ ଖଣ୍ଡ ପଟା ହେବ।
\v 23 ପୁଣି, ଆବାସର ସେହି ପଶ୍ଚାଦ୍‍ଭାଗର ଦୁଇ କୋଣରେ ଦୁଇ ଖଣ୍ଡ ପଟା ଦେବ।
\v 24 ଏହି କୋଣରେ ଥିବା ପଟାଗୁଡ଼ିକ ଯୋଡ଼ା ହୋଇ ଉପର ମୁଣ୍ଡ ପର୍ଯ୍ୟନ୍ତ ସଂଯୁକ୍ତ ହେବ, ଦୁଇ କୋଣରେ ଥିବା ଦୁଇଟି ପଟା ଏହିପରି ତିଆରି ହେବ।
\v 25 ତହିଁରେ ତହିଁର ପଟା ଆଠ ଖଣ୍ଡ ହେବ ଓ ତହିଁର ଷୋଳ ରୂପା ଚୁଙ୍ଗୀ ହେବ; ଏକ ପଟା ତଳେ ଦୁଇ ଚୁଙ୍ଗୀ ଓ ଅନ୍ୟାନ୍ୟ ପଟା ତଳେ ଦୁଇ ଚୁଙ୍ଗୀ ହେବ।
\s5
\v 26 ଆଉ ତୁମ୍ଭେ ଶିଟୀମ୍‍ କାଷ୍ଠର ଅର୍ଗଳ ପ୍ରସ୍ତୁତ କରିବ; ଆବାସର ଏକ ପାର୍ଶ୍ୱସ୍ଥ ପଟାରେ ପାଞ୍ଚ ଅର୍ଗଳ ଓ ଅନ୍ୟ ପାର୍ଶ୍ୱସ୍ଥ ପଟାରେ ପାଞ୍ଚ ଅର୍ଗଳ
\v 27 ଓ ଆବାସର ପଶ୍ଚିମ ଦିଗସ୍ଥ ପଶ୍ଚାତ୍‍ ପାର୍ଶ୍ୱର ପଟାରେ ପାଞ୍ଚ ଅର୍ଗଳ ଦେବ।
\v 28 ପୁଣି, ମଧ୍ୟସ୍ଥିତ ଅର୍ଗଳ ପଟାର ମଧ୍ୟଦେଶରେ ଏ ମୁଣ୍ଡରୁ ସେ ମୁଣ୍ଡ ଯାଏ ପାଇବ।
\s5
\v 29 ଆଉ ସେହି ସବୁ ପଟା ସୁବର୍ଣ୍ଣରେ ମଡ଼ାଇବ ଓ ଅର୍ଗଳର ଘରା ନିମନ୍ତେ ସୁବର୍ଣ୍ଣ କଡ଼ା କରିବ, ପୁଣି, ଅର୍ଗଳସକଳ ସୁବର୍ଣ୍ଣରେ ମଡ଼ାଇବ।
\v 30 ଏହି ପ୍ରକାରେ ଆବାସର ଯେଉଁ ଆଦର୍ଶ ପର୍ବତରେ ତୁମ୍ଭକୁ ପ୍ରଦର୍ଶିତ ହୋଇଅଛି; ତଦନୁସାରେ ତାହା ପ୍ରସ୍ତୁତ କରିବ।
\s5
\v 31 ଆଉ ତୁମ୍ଭେ ନୀଳ ବର୍ଣ୍ଣ, ଧୂମ୍ର ବର୍ଣ୍ଣ, ସିନ୍ଦୂର ବର୍ଣ୍ଣ ଓ ବଳା ଶୁଭ୍ର କ୍ଷୌମସୂତ୍ରରେ ଏକ ବିଚ୍ଛେଦ ବସ୍ତ୍ର ପ୍ରସ୍ତୁତ କରିବ; ତାହା ନିପୁଣ ଶିଳ୍ପାକାରର କର୍ମରେ କିରୂବଗଣର ଆକୃତିବିଶିଷ୍ଟ କରାଯିବ।
\v 32 ତୁମ୍ଭେ ତାହା ସୁବର୍ଣ୍ଣରେ ମଡ଼ାଇ ଶିଟୀମ୍‍ କାଷ୍ଠର ଚାରି ସ୍ତମ୍ଭ ଉପରେ ଟଙ୍ଗାଇବ; ପୁଣି, ରୂପାର ଚାରି ଚୁଙ୍ଗୀ ଉପରେ ସେମାନଙ୍କ ସ୍ୱର୍ଣ୍ଣର ଆଙ୍କୁଡ଼ାସବୁ ବସାଇବ।
\v 33 ପୁଣି, ଆଙ୍କୁଡ଼ା ସବୁର ତଳେ ବିଚ୍ଛେଦ ବସ୍ତ୍ର ଟଙ୍ଗାଇ ସେହି ବିଚ୍ଛେଦ ବସ୍ତ୍ର ମଧ୍ୟକୁ ସାକ୍ଷ୍ୟରୂପ ସିନ୍ଦୁକ ଆଣିବ; ତହିଁରେ ସେହି ବିଚ୍ଛେଦ ବସ୍ତ୍ର ପବିତ୍ର ସ୍ଥାନ ଓ ମହାପବିତ୍ର ସ୍ଥାନ ମଧ୍ୟରେ ଭେଦକ ହେବ।
\s5
\v 34 ଆଉ ତୁମ୍ଭେ ମହାପବିତ୍ର ସ୍ଥାନରେ ସାକ୍ଷ୍ୟ ସିନ୍ଦୁକ ଉପରେ ପାପାଚ୍ଛାଦନ ରଖିବ।
\v 35 ବିଚ୍ଛେଦ ବସ୍ତ୍ରର ବାହାରେ ମେଜ ରଖିବ ଓ ମେଜ ସମ୍ମୁଖରେ ଆବାସର ଦକ୍ଷିଣ ଦିଗରେ ଦୀପବୃକ୍ଷ ରଖିବ ଓ ଉତ୍ତର ଦିଗରେ ମେଜ ରଖିବ।
\s5
\v 36 ପୁଣି, ଆବାସର ଦ୍ୱାର ନିମନ୍ତେ ନୀଳ, ଧୂମ୍ର, ସିନ୍ଦୂର ବର୍ଣ୍ଣ ଓ ବଳା ଶୁଭ୍ର କ୍ଷୌମସୂତ୍ର ନିର୍ମିତ ଚିତ୍ରବିଚିତ୍ର ଏକ ଆଚ୍ଛାଦନ ବସ୍ତ୍ର ପ୍ରସ୍ତୁତ କରିବ।
\v 37 ସେହି ଆଚ୍ଛାଦନ ବସ୍ତ୍ର ନିମନ୍ତେ ପାଞ୍ଚଗୋଟି ଶିଟୀମ୍‍ କାଷ୍ଠର ସ୍ତମ୍ଭ ନିର୍ମାଣ କରି ସ୍ୱର୍ଣ୍ଣ ମଡ଼ାଇବ, ପୁଣି, ସ୍ୱର୍ଣ୍ଣରେ ତହିଁର ଆଙ୍କୁଡ଼ା କରିବ ଓ ତହିଁ ନିମନ୍ତେ ପିତ୍ତଳର ପାଞ୍ଚ ଚୁଙ୍ଗୀ ଢାଳିବ।
\s5
\c 27
\s ପିତ୍ତଳର ବେଦି
\p
\v 1 ଆଉ ତୁମ୍ଭେ ଶିଟୀମ୍‍ କାଷ୍ଠରେ ପାଞ୍ଚ ହସ୍ତ ଦୀର୍ଘ ଓ ପାଞ୍ଚ ହସ୍ତ ପ୍ରସ୍ଥର ବେଦି ନିର୍ମାଣ କରିବ, ସେହି ବେଦି ଚତୁଷ୍କୋଣ ହେବ; ତହିଁର ଉଚ୍ଚତା ତିନି ହସ୍ତ ହେବ।
\v 2 ପୁଣି, ତହିଁର ଚାରି କୋଣ ଉପରେ ଶୃଙ୍ଗ କରିବ, ଆଉ ସେହି ଶୃଙ୍ଗ ବେଦିର ଏକାଂଶ ହେବ ଓ ତାହା ପିତ୍ତଳରେ ମଡ଼ାଯିବ।
\s5
\v 3 ଆଉ ତହିଁରୁ ଭସ୍ମ କାଢ଼ି ନେବା ପାଇଁ ଭସ୍ମଧାନୀ କରିବ, ତହିଁର କରଚୁଲି, କୁଣ୍ଡ, ତ୍ରିଶୂଳ ଓ ଅଙ୍ଗାରଧାନୀ କରିବ; ତହିଁର ସମସ୍ତ ପାତ୍ର ପିତ୍ତଳରେ ପ୍ରସ୍ତୁତ କରିବ।
\v 4 ପୁଣି, ପିତ୍ତଳରେ ଏକ ଜାଲି ଝାଞ୍ଜିରୀ କରିବ ଓ ତହିଁ ଉପରେ ଚାରି କୋଣରେ ପିତ୍ତଳର ଚାରି କଡ଼ା ପ୍ରସ୍ତୁତ କରିବ।
\s5
\v 5 ଏହି ଝାଞ୍ଜିରୀ ବେଦି-ବେଢ଼ ତଳେ ନିମ୍ନ ଭାଗରେ ରଖିବ ଓ ଝାଞ୍ଜିରୀ ବେଦିର ମଧ୍ୟ ପର୍ଯ୍ୟନ୍ତ ପାଇବ।
\v 6 ଆଉ ବେଦି ନିମନ୍ତେ ଶିଟୀମ୍‍ କାଷ୍ଠର ସାଙ୍ଗୀ କରିବ ଓ ତାହା ପିତ୍ତଳରେ ମଡ଼ାଇବ।
\s5
\v 7 ପୁଣି, ବେଦି ବହିବା ବେଳେ ତହିଁର ଦୁଇ ପାର୍ଶ୍ୱ ଉପରେ କଡ଼ା ମଧ୍ୟରେ ସେହି ସାଙ୍ଗୀ ରହିବ।
\v 8 ତୁମ୍ଭେ ଫମ୍ପା ରଖି ପଟାରେ ତାହା କରିବ, ପର୍ବତରେ ତୁମ୍ଭକୁ ଯେରୂପ ପ୍ରଦର୍ଶିତ ହୋଇଥିଲା, ସେରୂପେ ଲୋକମାନେ କରିବେ।
\s ଆବାସର ପ୍ରାଙ୍ଗଣ
\p
\s5
\v 9 ଏଥିଉତ୍ତାରେ ତୁମ୍ଭେ ଆବାସର ପ୍ରାଙ୍ଗଣ କରିବ; ସେହି ପ୍ରାଙ୍ଗଣର ଦକ୍ଷିଣ ଦିଗରେ ବଳା ଶୁଭ୍ର କ୍ଷୌମସୂତ୍ର ନିର୍ମିତ ପରଦା କରିବ; ତହିଁର ଏକ ପାର୍ଶ୍ୱର ଦୈର୍ଘ୍ୟ ଏକଶତ ହସ୍ତ ହେବ।
\v 10 ତହିଁର କୋଡ଼ିଏ ସ୍ତମ୍ଭ ଓ କୋଡ଼ିଏ ଚୁଙ୍ଗୀ ପିତ୍ତଳର ହେବ, ପୁଣି, ସ୍ତମ୍ଭର ଆଙ୍କୁଡ଼ା ଓ ବନ୍ଧନୀ ରୂପାର ହେବ।
\s5
\v 11 ତଦ୍ରୂପ ଉତ୍ତର ପାର୍ଶ୍ୱରେ ଏକଶତ ହସ୍ତ ଦୀର୍ଘ ପରଦା ହେବ, ତହିଁର କୋଡ଼ିଏ ସ୍ତମ୍ଭ ଓ କୋଡ଼ିଏ ଚୁଙ୍ଗୀ ପିତ୍ତଳର ହେବ; ପୁଣି, ସ୍ତମ୍ଭର ଆଙ୍କୁଡ଼ା ଓ ବନ୍ଧନୀ ରୂପାର ହେବ।
\v 12 ଆଉ ପଶ୍ଚିମ ଦିଗରେ ପ୍ରାଙ୍ଗଣର ପ୍ରସ୍ଥ ନିମନ୍ତେ ପଚାଶ ହସ୍ତ ପରଦା, ତହିଁର ଦଶ ସ୍ତମ୍ଭ ଓ ଦଶ ଚୁଙ୍ଗୀ କରିବ।
\v 13 ପୁଣି, ପୂର୍ବ ଦିଗରେ ପ୍ରାଙ୍ଗଣର ପ୍ରସ୍ଥ ପଚାଶ ହସ୍ତ ହେବ।
\s5
\v 14 (ଦ୍ୱାରର) ଏକ ପାର୍ଶ୍ୱରେ ପନ୍ଦର ହସ୍ତ ପରଦା ଓ ତିନି ସ୍ତମ୍ଭ ଓ ତିନି ଚୁଙ୍ଗୀ ହେବ।
\v 15 ଆଉ ଅନ୍ୟ ପାର୍ଶ୍ୱରେ ପନ୍ଦର ହସ୍ତ ପରଦା ଓ ତିନି ସ୍ତମ୍ଭ ଓ ତିନି ଚୁଙ୍ଗୀ ହେବ।
\v 16 ପୁଣି, ପ୍ରାଙ୍ଗଣର ଦ୍ୱାର ନିମନ୍ତେ ନୀଳ, ଧୂମ୍ର, ସିନ୍ଦୂରବର୍ଣ୍ଣ ଓ ବଳା ଶୁଭ୍ର କ୍ଷୋମସୂତ୍ରରେ ଶିଳ୍ପକର୍ମ ବିଶିଷ୍ଟ କୋଡ଼ିଏ ହସ୍ତ ଏକ ଆଚ୍ଛାଦନ ବସ୍ତ୍ର ଓ ତହିଁର ଚାରି ସ୍ତମ୍ଭ ଓ ଚାରି ଚୁଙ୍ଗୀ ହେବ।
\s5
\v 17 ପୁଣି, ପ୍ରାଙ୍ଗଣର ଚତୁର୍ଦ୍ଦିଗସ୍ଥ ସ୍ତମ୍ଭ ସକଳ ରୂପା ବନ୍ଧନୀରେ ବନ୍ଦ ହେବ ଓ ତହିଁର ଆଙ୍କୁଡ଼ା ରୂପାର ଓ ଚୁଙ୍ଗୀ ପିତ୍ତଳର ହେବ।
\v 18 ପ୍ରାଙ୍ଗଣ ଏକଶତ ହସ୍ତ ଦୀର୍ଘ ଓ ସର୍ବତ୍ର ପଚାଶ ହସ୍ତ ପ୍ରସ୍ଥ ଓ ପାଞ୍ଚ ହସ୍ତ ଉଚ୍ଚ, ପୁଣି, ସବୁ ବଳା ଶୁଭ୍ର କ୍ଷୌମସୂତ୍ରରେ ପ୍ରସ୍ତୁତ ଓ ତହିଁର ପିତ୍ତଳର ଚୁଙ୍ଗୀ ହେବ।
\v 19 ଆଉ ଆବାସର ସମୁଦାୟ କାର୍ଯ୍ୟ ସମ୍ବନ୍ଧୀୟ ପାତ୍ର, କଣ୍ଟା ଓ ପ୍ରାଙ୍ଗଣର ସମସ୍ତ କଣ୍ଟା ପିତ୍ତଳର ହେବ।
\s ପ୍ରଦୀପର ଯତ୍ନ
\p
\s5
\v 20 ଆଉ ନିତ୍ୟ ପ୍ରଦୀପ ଜାଳି ଆଲୁଅ କରିବା ନିମନ୍ତେ ନିର୍ମଳ ପେଷା ଜୀତ ତୈଳ ତୁମ୍ଭ ନିକଟକୁ ଆଣିବା ପାଇଁ ଇସ୍ରାଏଲ ସନ୍ତାନଗଣଙ୍କୁ ଆଜ୍ଞା ଦେବ।
\v 21 ଆଉ ସମାଗମ-ତମ୍ବୁରେ ସାକ୍ଷ୍ୟ ସିନ୍ଦୁକ ସମ୍ମୁଖସ୍ଥ ବିଚ୍ଛେଦ ବସ୍ତ୍ରର ବାହାରେ ହାରୋଣ ଓ ତାହାର ପୁତ୍ରଗଣ ସନ୍ଧ୍ୟା ସମୟରୁ ପ୍ରଭାତ ପର୍ଯ୍ୟନ୍ତ ସଦାପ୍ରଭୁଙ୍କ ସାକ୍ଷାତରେ ତାହା ସଜାଇ ରଖିବେ; ଏହା ଇସ୍ରାଏଲ ସନ୍ତାନମାନଙ୍କର ପୁରୁଷାନୁକ୍ରମେ ପାଳନୀୟ ଅନନ୍ତକାଳୀନ ବିଧି ହେବ।
\s5
\c 28
\s ଯାଜକଙ୍କ ବସ୍ତ୍ର
\p
\v 1 ଆଉ ଆମ୍ଭ ଉଦ୍ଦେଶ୍ୟରେ ଯାଜକ କର୍ମ କରିବା ନିମନ୍ତେ ତୁମ୍ଭେ ଇସ୍ରାଏଲ ସନ୍ତାନଗଣ ମଧ୍ୟରୁ ଆପଣା ଭ୍ରାତା ହାରୋଣକୁ ଓ ତାହା ସଙ୍ଗେ ତାହାର ପୁତ୍ରଗଣଙ୍କୁ, ଅର୍ଥାତ୍‍, ହାରୋଣ, ନାଦବ ଓ ଅବୀହୂ, ଇଲୀୟାସର ଓ ଈଥାମରକୁ ଆପଣା ନିକଟକୁ ଆଣିବ।
\v 2 ତୁମ୍ଭର ଭ୍ରାତା ହାରୋଣର ଶ୍ରୀ ଓ ଶୋଭା ନିମନ୍ତେ ପବିତ୍ର ବସ୍ତ୍ର ପ୍ରସ୍ତୁତ କରିବ।
\v 3 ଆଉ ଆମ୍ଭେ ଯେଉଁମାନଙ୍କୁ ଜ୍ଞାନଦାୟକ ଆତ୍ମାରେ ପୂର୍ଣ୍ଣ କରିଅଛୁ, ସେହି ସମସ୍ତ ବିଜ୍ଞମନା ଲୋକଙ୍କୁ ଆଦେଶ କର; ଆମ୍ଭ ଉଦ୍ଦେଶ୍ୟରେ ଯାଜକ କର୍ମ କରିବା ନିମନ୍ତେ ହାରୋଣକୁ ପବିତ୍ର କରିବା ପାଇଁ ସେମାନେ ତାହାର ବସ୍ତ୍ର ପ୍ରସ୍ତୁତ କରିବେ।
\s5
\v 4 ଅର୍ଥାତ୍‍, ବୁକୁପଟା, ଏଫୋଦ, ଚୋଗା, ବୁଟାଦାର ଜାମା, ପାଗ ଓ କଟିବନ୍ଧନ, ଏହି ସକଳ ବସ୍ତ୍ର ସେମାନେ ପ୍ରସ୍ତୁତ କରିବେ; ଆମ୍ଭ ଉଦ୍ଦେଶ୍ୟରେ ଯାଜକ କର୍ମ କରିବା ନିମନ୍ତେ ତୁମ୍ଭ ଭ୍ରାତା ହାରୋଣ ଓ ତାହାର ପୁତ୍ରଗଣ ପାଇଁ ସେମାନେ ପବିତ୍ର ବସ୍ତ୍ର ପ୍ରସ୍ତୁତ କରିବେ।
\v 5 ସେମାନେ ସୁବର୍ଣ୍ଣ, ନୀଳ, ଧୂମ୍ର, ସିନ୍ଦୂର ବର୍ଣ୍ଣ ଓ ବଳା ଶୁଭ୍ର କ୍ଷୌମସୂତ୍ର ନେବେ।
\s5
\v 6 ପୁଣି, ସେମାନେ ସେହି ସ୍ୱର୍ଣ୍ଣ, ନୀଳ, ଧୂମ୍ର, ସିନ୍ଦୂର ବର୍ଣ୍ଣ ଓ ବଳା ଶୁଭ୍ର କ୍ଷୌମସୂତ୍ରରେ ନିପୁଣ ଶିଳ୍ପକାରର କର୍ମ ଦ୍ୱାରା ଏଫୋଦ ବସ୍ତ୍ର ପ୍ରସ୍ତୁତ କରିବେ।
\v 7 ତହିଁର ଦୁଇ ମୁଣ୍ଡରେ ପରସ୍ପର ସଂଯୁକ୍ତ ଦୁଇ ସ୍କନ୍ଧପଟି ରହିବ; ଏହିରୂପେ ତାହା ଯୁକ୍ତ ହେବ।
\v 8 ପୁଣି, ଏଫୋଦର ଯେଉଁ ଚିତ୍ରିତ ପଟୁକା ତହିଁ ଉପରେ ରହିବ, ତହିଁର ଚିତ୍ରିତ କର୍ମ ସେହି ବସ୍ତ୍ରାନୁସାରେ ହେବ; ଅର୍ଥାତ୍‍, ସ୍ୱର୍ଣ୍ଣରେ, ନୀଳ, ଧୂମ୍ର, ସିନ୍ଦୂର ବର୍ଣ୍ଣ ଓ ବଳା ଶୁଭ୍ର କ୍ଷୌମସୂତ୍ରରେ ହେବ।
\v 9 ଏଥିଉତ୍ତାରେ ତୁମ୍ଭେ ଦୁଇ ଗୋମେଦକ ମଣି ଘେନି ତହିଁ ଉପରେ ଇସ୍ରାଏଲର ପୁତ୍ରମାନଙ୍କ ନାମ ଖୋଦିତ କରିବ।
\s5
\v 10 ଅର୍ଥାତ୍‍, ସେମାନଙ୍କ ବଂଶାବଳୀ ଅନୁସାରେ ଛଅ ନାମ ଏକ ମଣି ଉପରେ ଓ ଅବଶିଷ୍ଟ ଛଅ ନାମ ଅନ୍ୟ ମଣି ଉପରେ ଖୋଦିତ କରିବ।
\v 11 ଶିଳ୍ପ କର୍ମରେ ମୁଦ୍ରା ଖୋଦିତ କରିବା ନ୍ୟାୟ ସେହି ଦୁଇ ମଣି ଉପରେ ଇସ୍ରାଏଲର ପୁତ୍ରଗଣର ନାମ ଖୋଦିତ କରିବ, ପୁଣି, ତାହା ଦୁଇ ସ୍ୱର୍ଣ୍ଣାଧାରରେ ବନ୍ଦ କରିବ।
\v 12 ପୁଣି, ଇସ୍ରାଏଲର ସନ୍ତାନଗଣଙ୍କୁ ସ୍ମରଣ କରିବା ନିମନ୍ତେ ତୁମ୍ଭେ ସେହି ଦୁଇ ମଣି ଏଫୋଦର ଦୁଇ ସ୍କନ୍ଧପଟିରେ ଦେବ; ତହିଁରେ ହାରୋଣ ସ୍ମରଣାର୍ଥେ ସଦାପ୍ରଭୁଙ୍କ ସମ୍ମୁଖରେ ଆପଣା ଦୁଇ ସ୍କନ୍ଧରେ ସେମାନଙ୍କ ନାମ ବହିବ।
\s5
\v 13 ଆଉ ତୁମ୍ଭେ ଦୁଇ ସ୍ୱର୍ଣ୍ଣାଧାର କରିବ
\v 14 ଓ ନିର୍ମଳ ସୁବର୍ଣ୍ଣ ଦ୍ୱାରା ଦୁଇ ମୋଡ଼ା ଜଞ୍ଜିର କରି ସେହି ମୋଡ଼ା ଜଞ୍ଜିର ସେହି ଦୁଇ ଆଧାରରେ ଲଗାଇବ।
\s5
\v 15 ପୁଣି, ଶିଳ୍ପ କର୍ମରେ ବିଚାରାର୍ଥକ ବୁକୁପଟା କରିବ, ଅର୍ଥାତ୍‍, ଏଫୋଦର କର୍ମାନୁସାରେ ସ୍ୱର୍ଣ୍ଣରେ ନୀଳ, ଧୂମ୍ର, ସିନ୍ଦୂର ବର୍ଣ୍ଣ ଓ ବଳା ଶୁଭ୍ର କ୍ଷୌମସୂତ୍ରରେ ନିପୁଣ ଶିଳ୍ପକାରର କର୍ମ ଦ୍ୱାରା ତାହା ପ୍ରସ୍ତୁତ କରିବ।
\v 16 ତାହା ଚତୁଷ୍କୋଣ ଓ ଦୋହରା ହେବ; ତହିଁର ଦୈର୍ଘ୍ୟ ଏକ ଚାଖଣ୍ଡ ଓ ପ୍ରସ୍ଥ ଏକ ଚାଖଣ୍ଡ ହେବ।
\s5
\v 17 ପୁଣି, ତାହାକୁ ଚାରି ଧାଡି ମଣିରେ ଖଚିତ କରିବ, ତହିଁର ପ୍ରଥମ ଧାଡିରେ ଚୂଣୀ, ପୀତମଣି ଓ ମରକତ;
\v 18 ଦ୍ୱିତୀୟ ଧାଡିରେ ପଦ୍ମରାଗ, ନୀଳକାନ୍ତ ଓ ହୀରକ
\v 19 ତୃତୀୟ ଧାଡିରେ ପେରୋଜ, ଯିସ୍ମ ଓ କଟାହେଳା
\v 20 ପୁଣି, ଚତୁର୍ଥ ଧାଡିରେ ବୈଦୁର୍ଯ୍ୟ, ଗୋମେଦକ ଓ ସୂର୍ଯ୍ୟକାନ୍ତ; ଏହି ସମସ୍ତ ସ୍ୱର୍ଣ୍ଣରେ ସ୍ୱ ସ୍ୱ ଧାଡିରେ ବସାଯିବ।
\s5
\v 21 ଏହି ମଣି ଇସ୍ରାଏଲର ପୁତ୍ରମାନଙ୍କ ନାମ ନିମନ୍ତେ ସେମାନଙ୍କ ନାମ ଅନୁସାରେ ଦ୍ୱାଦଶ ହେବେ; ମୁଦ୍ରାନ୍ୟାୟ ଖୋଦିତ ପ୍ରତ୍ୟେକ ମଣିରେ ସେହି ଦ୍ୱାଦଶ ବଂଶ ନିମନ୍ତେ ପ୍ରତ୍ୟେକ ପୁତ୍ରର ନାମ ରହିବ।
\v 22 ତୁମ୍ଭେ ନିର୍ମଳ ସ୍ୱର୍ଣ୍ଣ ଦ୍ୱାରା ବୁକୁପଟା ନିମନ୍ତେ ମାଳା ତୁଲ୍ୟ ମୋଡ଼ା ଦୁଇ ଜଞ୍ଜିର ନିର୍ମାଣ କରିବ।
\v 23 ପୁଣି, ବୁକୁପଟା ଉପରେ ସ୍ୱର୍ଣ୍ଣର ଦୁଇ କଡ଼ା କରିବ ଓ ବୁକୁପଟାର ଦୁଇ ପ୍ରାନ୍ତରେ ସେହି ଦୁଇ କଡ଼ା ଲଗାଇବ।
\v 24 ଆଉ ବୁକୁପଟାର ଦୁଇ ପ୍ରାନ୍ତସ୍ଥିତ ଦୁଇ କଡ଼ା ମଧ୍ୟରେ ସେହି ଦୁଇ ମୋଡ଼ା ସ୍ୱର୍ଣ୍ଣ ଜଞ୍ଜିର ଲଗାଇବ।
\s5
\v 25 ପୁଣି, ମୋଡ଼ା ଜଞ୍ଜିରର ଦୁଇ ମୁଣ୍ଡ ଦୁଇ ଆଧାରରେ ବନ୍ଦ କରି ଏଫୋଦ ବସ୍ତ୍ରର ସମ୍ମୁଖସ୍ଥ ଦୁଇ ସ୍କନ୍ଧପଟି ଉପରେ ରଖିବ।
\v 26 ତୁମ୍ଭେ ସ୍ୱର୍ଣ୍ଣର ଦୁଇ କଡ଼ା ନିର୍ମାଣ କରି ବୁକୁପଟାର ଦୁଇ ପ୍ରାନ୍ତରେ ଏଫୋଦ ବସ୍ତ୍ରର ସମ୍ମୁଖସ୍ଥ ଭିତର ଭାଗରେ ରଖିବ।
\s5
\v 27 ଆହୁରି ଦୁଇ ସ୍ୱର୍ଣ୍ଣର କଡ଼ା କରି ଏଫୋଦ ବସ୍ତ୍ରର ଦୁଇ ସ୍କନ୍ଧପଟି ତଳେ ତହିଁର ସମ୍ମୁଖ ଭାଗର ଯୋଡ଼ା ସ୍ଥାନର ଏଫୋଦର ଚିତ୍ରିତ ପଟୁକା ଉପରେ ତାହା ରଖିବ।
\v 28 ତହିଁରେ ବୁକୁପଟା ଯେପରି ଏଫୋଦର ଚିତ୍ରିତ ପଟୁକା ଉପରେ ଥାଇ ଏଫୋଦରୁ ଖସି ନ ପଡ଼େ, ଏଥିପାଇଁ ସେମାନେ ବୁକୁପଟାକୁ ନିଜ କଡ଼ାରେ ନୀଳ ସୂତ୍ର ଦ୍ୱାରା ଏଫୋଦର କଡ଼ା ସହିତ ବନ୍ଧନ କରି ରଖିବେ।
\s5
\v 29 ଯେଉଁ ସମୟରେ ହାରୋଣ ପବିତ୍ର ସ୍ଥାନରେ ପ୍ରବେଶ କରିବ, ସେହି ସମୟରେ ସଦାପ୍ରଭୁଙ୍କ ସମ୍ମୁଖରେ ନିତ୍ୟ ସ୍ମରଣାର୍ଥେ ସେ ବିଚାରାର୍ଥକ ବୁକୁପଟାରେ ଇସ୍ରାଏଲ-ପୁତ୍ରଗଣର ନାମସକଳ ଆପଣା ହୃଦୟ ଉପରେ ବହନ କରିବ।
\v 30 ସେହି ବିଚାରାର୍ଥକ ବୁକୁପଟାରେ ତୁମ୍ଭେ ଉରୀମ୍‍ ଓ ତୁମ୍ମୀମ୍‍ (ଦୀପ୍ତି ଓ ସିଦ୍ଧି) ରଖିବ; ତହିଁରେ ହାରୋଣ ଯେଉଁ ସମୟରେ ସଦାପ୍ରଭୁଙ୍କ ଛାମୁରେ ପ୍ରବେଶ କରିବ, ସେହି ସମୟରେ ହାରୋଣର ହୃଦୟ ଉପରେ ତାହା ରହିବ, ପୁଣି, ହାରୋଣ ସଦାପ୍ରଭୁଙ୍କ ଛାମୁରେ ନିତ୍ୟ ନିତ୍ୟ ଇସ୍ରାଏଲ ସନ୍ତାନଗଣର ବିଚାର ଆପଣା ହୃଦୟ ଉପରେ ବହିବ।
\s5
\v 31 ତୁମ୍ଭେ ଏଫୋଦର ଚୋଗା ସମ୍ପୂର୍ଣ୍ଣ ନୀଳ ବର୍ଣ୍ଣ କରିବ।
\v 32 ତହିଁ ମଧ୍ୟସ୍ଥଳରେ ମସ୍ତକ ପ୍ରବେଶ ନିମନ୍ତେ ଏକ ଛିଦ୍ର ରହିବ; ସାଞ୍ଜୁଆର ଗଳଦେଶ ନ୍ୟାୟ ସେହି ଛିଦ୍ରର ଚତୁର୍ଦ୍ଦିଗରେ ବୁଣାକର୍ମ ହେବ, ତହିଁରେ ତାହା ଛିଣ୍ଡିଯିବ ନାହିଁ।
\s5
\v 33 ପୁଣି, ତୁମ୍ଭେ ତହିଁର ଅଞ୍ଚଳର ଚତୁର୍ଦ୍ଦିଗରେ ନୀଳ, ଧୂମ୍ର ଓ ସିନ୍ଦୂର ବର୍ଣ୍ଣର ଡାଳିମ୍ବ କରିବ; ଆଉ ତହିଁ ଚତୁର୍ଦ୍ଦିଗର ମଧ୍ୟେ ମଧ୍ୟେ ସ୍ୱର୍ଣ୍ଣ ଘଣ୍ଟି ରହିବ।
\v 34 ସେହି ଚୋଗାର ଧଡ଼ିର ଚତୁର୍ଦ୍ଦିଗରେ ଗୋଟିଏ ସ୍ୱର୍ଣ୍ଣ ଘଣ୍ଟି ଓ ଗୋଟିଏ ଡାଳିମ୍ବ, ପୁଣି, ଗୋଟିଏ ସ୍ୱର୍ଣ୍ଣ ଘଣ୍ଟି ଓ ଗୋଟିଏ ଡାଳିମ୍ବ ରହିବ।
\v 35 ଆଉ ହାରୋଣ ସେବା କରିବା ସମୟରେ ତାହା ପିନ୍ଧିବ; ତହିଁରେ ସେ ଯେତେବେଳେ ସଦାପ୍ରଭୁଙ୍କ ଛାମୁରେ ପବିତ୍ର ସ୍ଥାନରେ ପ୍ରବେଶ କରିବ ଓ ଯେତେବେଳେ ସେ ସେଠାରୁ ବାହାର ହେବ, ସେତେବେଳେ ତହିଁର ଶବ୍ଦ ଶୁଣାଯିବ; ତାହାହେଲେ ସେ ମରିବ ନାହିଁ।
\s5
\v 36 ଆଉ ତୁମ୍ଭେ ନିର୍ମଳ ସୁବର୍ଣ୍ଣରେ ଏକ ପତ୍ର ପ୍ରସ୍ତୁତ କରି ମୋହର ନ୍ୟାୟ ତହିଁ ଉପରେ “ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର” ଖୋଦନ କରିବ।
\v 37 ପୁଣି, ପଗଡି ଉପରେ ରହିବା ପାଇଁ ତାହା ନୀଳ ସୂତ୍ରରେ ବାନ୍ଧି ପଗଡିର ସମ୍ମୁଖରେ ରଖିବ।
\v 38 ତାହା ହାରୋଣର କପାଳ ଉପରେ ରହିବ, ତହିଁରେ ପବିତ୍ର ଦ୍ରବ୍ୟ-ଘଟିତ ଅପରାଧ, ଅର୍ଥାତ୍‍, ଇସ୍ରାଏଲ ସନ୍ତାନଗଣ ଆପଣାମାନଙ୍କର ପବିତ୍ରୀକୃତ ପବିତ୍ର ଦାନାଦି ସକଳ ଦ୍ରବ୍ୟ ସମ୍ବନ୍ଧରେ ଯେଉଁ ଅପରାଧ କରିବେ, ତାହା ହାରୋଣ ବୋହିବ ଓ ସଦାପ୍ରଭୁଙ୍କ ଛାମୁରେ ସେମାନେ ଯେପରି ଗ୍ରାହ୍ୟ ହୁଅନ୍ତି, ଏଥିପାଇଁ ତାହା ନିତ୍ୟ ନିତ୍ୟ ତାହାର କପାଳରେ ରହିବ।
\s5
\v 39 ତୁମ୍ଭେ ଜାମାକୁ ବୁଟାଦାର ଶୁଭ୍ର କ୍ଷୌମବସ୍ତ୍ରରେ ଓ ପଗଡି଼କୁ ଶୁଭ୍ର କ୍ଷୌମସୂତ୍ରରେ ପ୍ରସ୍ତୁତ କରିବ; ପୁଣି, କଟିବନ୍ଧନ ସୂଚିକର୍ମ ଦ୍ୱାରା ଚିତ୍ର ବିଚିତ୍ର କରିବ।
\s5
\v 40 ଆଉ ହାରୋଣର ପୁତ୍ରଗଣ ନିମନ୍ତେ ଜାମା ଓ କଟିବନ୍ଧନ ପ୍ରସ୍ତୁତ କରିବ, ଆଉ ସେମାନଙ୍କର ଶ୍ରୀ ଓ ସୌନ୍ଦର୍ଯ୍ୟ ନିମନ୍ତେ ଶିରୋଭୂଷଣ କରିବ।
\v 41 ପୁଣି, ତୁମ୍ଭ ଭ୍ରାତା ହାରୋଣ ଓ ତାହାର ପୁତ୍ରଗଣକୁ ତାହା ସବୁ ପରିଧାନ କରାଇବ; ପୁଣି, ସେମାନଙ୍କୁ ଅଭିଷେକ କରି ପଦରେ ନିଯୁକ୍ତ ଓ ପବିତ୍ର କରିବ, ତହିଁରେ ସେମାନେ ଆମ୍ଭର ଯାଜକ କର୍ମ କରିବେ।
\s5
\v 42 ତୁମ୍ଭେ ସେମାନଙ୍କ ଶରୀରର ଉଲଙ୍ଗତା ଆଚ୍ଛାଦନ ନିମନ୍ତେ କଟିଠାରୁ ଜଙ୍ଘ ପର୍ଯ୍ୟନ୍ତ ଶୁକ୍ଳ ଜଙ୍ଘିଆ ପିନ୍ଧାଇବ।
\v 43 ପୁଣି, ଯେତେବେଳେ ହାରୋଣ ଓ ତାହାର ପୁତ୍ରଗଣ ସମାଗମ-ତମ୍ବୁରେ ପ୍ରବେଶ କରିବେ, କିଅବା ପବିତ୍ର ସ୍ଥାନରେ ସେବା କରିବା ନିମନ୍ତେ ବେଦିର ନିକଟବର୍ତ୍ତୀ ହେବେ, ସେତେବେଳେ ସେମାନେ ଯେପରି ଅପରାଧ କରି ନ ମରନ୍ତି, ଏନିମନ୍ତେ ସେମାନେ ଏହି ବସ୍ତ୍ର ପରିଧାନ କରିବେ; ଏହା ହାରୋଣର ଓ ତାହାର ଭବିଷ୍ୟତ ବଂଶର ପାଳନୀୟ ଅନନ୍ତକାଳୀନ ବିଧି ହେବ।
\s5
\c 29
\s ଯାଜକ ରୂପେ ଅଭିଷିକ୍ତ ହେବାର ବିଧି
\p
\v 1 ଆଉ ଆମ୍ଭ ଉଦ୍ଦେଶ୍ୟରେ ଯାଜକ କର୍ମ କରିବା ନିମନ୍ତେ ସେମାନଙ୍କୁ ପ୍ରତିଷ୍ଠା କରିବା ପାଇଁ ତୁମ୍ଭେ ସେମାନଙ୍କ ପ୍ରତି ଏହି ସମସ୍ତ କର୍ମ କରିବ; ନିଖୁନ୍ତ ଏକ ଗୋବତ୍ସ ଓ ଦୁଇ ମେଷ ନେବ,
\v 2 ପୁଣି, ତାଡ଼ିଶୂନ୍ୟ ରୁଟି, ତୈଳ ମିଶ୍ରିତ ତାଡ଼ିଶୂନ୍ୟ ପିଠା ଓ ତୈଳଯୁକ୍ତ ତାଡ଼ିଶୂନ୍ୟ ସରୁ ଚକୁଳି ଗହମ ମଇଦାରେ ପ୍ରସ୍ତୁତ କରିବ।
\s5
\v 3 ପୁଣି, ଗୋଟିଏ ଡାଲାରେ ତାହା ରଖିବ, ସେହି ଗୋବତ୍ସ ଓ ଦୁଇ ମେଷ ସଙ୍ଗରେ ଘେନି ସେହି ଡାଲା ଆଣିବ।
\v 4 ଆଉ ହାରୋଣକୁ ଓ ତାହାର ପୁତ୍ରଗଣକୁ ସମାଗମ-ତମ୍ବୁ-ଦ୍ୱାର ନିକଟକୁ ଆଣି ଜଳରେ ସେମାନଙ୍କୁ ସ୍ନାନ କରାଇବ।
\s5
\v 5 ତା’ପରେ ସେହି ସମସ୍ତ ବସ୍ତ୍ର ନେଇ ହାରୋଣକୁ ଜାମା, ଏଫୋଦର ଚୋଗା, ଏଫୋଦ ଓ ବୁକୁପଟା ପରିଧାନ କରାଇବ, ଆଉ ଏଫୋଦର ଚିତ୍ରିତ ପଟୁକାରେ ତାହାର କଟି ବାନ୍ଧିବ।
\v 6 ତାହାର ମସ୍ତକରେ ପଗଡ଼ି ବାନ୍ଧି ତହିଁ ଉପରେ ପବିତ୍ର ମୁକୁଟ ଦେବ।
\v 7 ଏଉତ୍ତାରେ ଅଭିଷେକାର୍ଥକ ତୈଳ ଘେନି ତାହାର ମସ୍ତକ ଉପରେ ଢ଼ାଳି ତାହାକୁ ଅଭିଷେକ କରିବ।
\s5
\v 8 ତହୁଁ ତୁମ୍ଭେ ହାରୋଣର ପୁତ୍ରଗଣକୁ ଆଣି ଜାମା ପରିଧାନ କରାଇବ।
\v 9 ପୁଣି, ହାରୋଣକୁ ଓ ତାହାର ପୁତ୍ରଗଣକୁ କଟିବନ୍ଧନ ପରିଧାନ କରାଇବ ଓ ସେମାନଙ୍କ ମସ୍ତକରେ ଶିରୋଭୂଷଣ ବାନ୍ଧିବ; ତହିଁରେ ସେମାନେ ଅନନ୍ତକାଳୀନ ବିଧି ଦ୍ୱାରା ଯାଜକତ୍ୱ ପଦ ପ୍ରାପ୍ତ ହେବେ। ଏହିରୂପେ ତୁମ୍ଭେ ହାରୋଣକୁ ଓ ତାହାର ପୁତ୍ରଗଣକୁ ନିଯୁକ୍ତ କରିବ।
\s5
\v 10 ଏଥିଉତ୍ତାରେ ତୁମ୍ଭେ ସମାଗମ-ତମ୍ବୁ ସମ୍ମୁଖକୁ ସେହି ଗୋବତ୍ସ ଅଣାଇବ, ପୁଣି, ହାରୋଣ ଓ ତାହାର ପୁତ୍ରଗଣ ସେହି ଗୋବତ୍ସର ମସ୍ତକରେ ଆପଣା ଆପଣା ହସ୍ତ ରଖିବେ।
\v 11 ତହୁଁ ତୁମ୍ଭେ ସମାଗମ-ତମ୍ବୁର ଦ୍ୱାର ସମୀପରେ ସଦାପ୍ରଭୁଙ୍କ ଛାମୁରେ ସେହି ଗୋବତ୍ସକୁ ବଧ କରିବ।
\s5
\v 12 ଏଥିଉତ୍ତାରେ ଗୋବତ୍ସର ରକ୍ତରୁ କିଛି ନେଇ ଅଙ୍ଗୁଳି ଦ୍ୱାରା ବେଦିର ଶୃଙ୍ଗ ଉପରେ ଦେବ, ପୁଣି, ବେଦି ମୂଳରେ ଆଉ ସବୁ ରକ୍ତ ଢାଳି ଦେବ।
\v 13 ଆଉ ତାହାର ଅନ୍ତ୍ରୋପରିସ୍ଥିତ ମେଦ ଓ ଯକୃତ ଉପରିସ୍ଥ ଅନ୍ତ୍ରାପ୍ଳାବକ ଓ ଦୁଇ ବୃକ୍‍କ ଓ ତହିଁ ଉପରିସ୍ଥ ମେଦ ଘେନି ବେଦିରେ ଦଗ୍ଧ କରିବ।
\v 14 ମାତ୍ର ଗୋବତ୍ସର ମାଂସ, ଚର୍ମ ଓ ଗୋମୟ ଛାଉଣିର ବାହାରେ ଅଗ୍ନିରେ ଦଗ୍ଧ କରିବ; ଏହା ପାପାର୍ଥକ ବଳି ଅଟେ।
\s5
\v 15 ଏଥିଉତ୍ତାରେ ତୁମ୍ଭେ ପ୍ରଥମ ମେଷ ନେବ; ପୁଣି, ହାରୋଣ ଓ ତାହାର ପୁତ୍ରଗଣ ସେହି ମେଷର ମସ୍ତକରେ ଆପଣା ଆପଣା ହସ୍ତ ରଖିବେ।
\v 16 ତହୁଁ ତୁମ୍ଭେ ସେହି ମେଷକୁ ବଧ କରି ତାହାର ରକ୍ତ ନେଇ ବେଦି ଉପରେ ଚାରିଆଡ଼େ ଛିଞ୍ଚିବ।
\v 17 ତହିଁ ଉତ୍ତାରେ ମେଷକୁ ଖଣ୍ଡ ଖଣ୍ଡ କରି ତାହାର ଅନ୍ତ୍ର ଓ ଗୋଡ଼ ଧୌତ କରି ତାହାସବୁ ସେହି ଖଣ୍ଡସକଳ ଓ ମସ୍ତକ ସହ ରଖିବ।
\v 18 ପୁଣି, ତୁମ୍ଭେ ସମ୍ପୂର୍ଣ୍ଣ ମେଷକୁ ବେଦି ଉପରେ ଦଗ୍ଧ କରିବ; ତାହା ସଦାପ୍ରଭୁଙ୍କର ହୋମବଳି ଓ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ଅଟେ।
\s5
\v 19 ଏଥିଉତ୍ତାରେ ତୁମ୍ଭେ ଦ୍ୱିତୀୟ ମେଷକୁ ନେବ, ପୁଣି, ହାରୋଣ ଓ ତାହାର ପୁତ୍ରଗଣ ସେହି ମେଷର ମସ୍ତକରେ ଆପଣା ଆପଣା ହସ୍ତ ରଖିବେ।
\v 20 ତହୁଁ ତୁମ୍ଭେ ସେହି ମେଷକୁ ବଧ କରି ତାହାର କିଛି ରକ୍ତ ଘେନି ହାରୋଣର ଦକ୍ଷିଣ କର୍ଣ୍ଣ-ପ୍ରାନ୍ତରେ ଓ ତାହାର ପୁତ୍ରଗଣର ଦକ୍ଷିଣ କର୍ଣ୍ଣ-ପ୍ରାନ୍ତରେ, ସେମାନଙ୍କ ଦକ୍ଷିଣ ହସ୍ତର ବୃଦ୍ଧାଙ୍ଗୁଷ୍ଠି ଉପରେ ଓ ଦକ୍ଷିଣ ପାଦର ବୃଦ୍ଧାଙ୍ଗୁଷ୍ଠି ଉପରେ ଲଗାଇବ, ପୁଣି, ବେଦି ଉପରେ ଚାରିଆଡ଼େ ରକ୍ତ ଛିଞ୍ଚିବ।
\s5
\v 21 ଏଥିଉତ୍ତାରେ ବେଦିର ଉପରିସ୍ଥିତ ରକ୍ତରୁ ଓ ଅଭିଷେକାର୍ଥକ ତୈଳରୁ କିଛି ନେଇ ହାରୋଣ ଉପରେ ଓ ତାହାର ବସ୍ତ୍ର ଉପରେ, ପୁଣି, ତାହା ସହିତ ତାହାର ପୁତ୍ରଗଣ ଉପରେ ଓ ସେମାନଙ୍କ ବସ୍ତ୍ର ଉପରେ ଛିଞ୍ଚିବ; ତହିଁରେ ସେ ଓ ତାହା ସହିତ ତାହାର ବସ୍ତ୍ର, ପୁଣି, ତାହାର ପୁତ୍ରଗଣ ଓ ସେମାନଙ୍କ ବସ୍ତ୍ର ପବିତ୍ର ହେବ।
\s5
\v 22 ଆହୁରି, ତୁମ୍ଭେ ସେହି ମେଷର ମେଦ, ମେଦମୟ ଲାଙ୍ଗୁଳ, ଅନ୍ତ୍ର ଉପରିସ୍ଥ ମେଦ, ଯକୃତର ଉପରିସ୍ଥ ଅନ୍ତ୍ରାପ୍ଳାବକ, ଦୁଇ ଗୁର୍ଦା, ତହିଁ ଉପରିସ୍ଥ ମେଦ ଓ ଡାହାଣ ଚଟୁଆ ନେବ, ଯେହେତୁ ତାହା ଉତ୍ସର୍ଗୀକୃତ ମେଷ ଅଟେ।
\v 23 ପୁଣି, ସଦାପ୍ରଭୁଙ୍କ ଛାମୁସ୍ଥିତ ତାଡ଼ିଶୂନ୍ୟ ରୁଟିର ଡାଲାରୁ ଏକ ରୁଟି, ତୈଳ ମିଶ୍ରିତ ଏକ ପିଠା ଓ ଏକ ସରୁ ଚକୁଳି ନେଇ
\s5
\v 24 ତାହାସବୁ ହାରୋଣର ହସ୍ତରେ ଓ ତାହାର ପୁତ୍ରଗଣ ହସ୍ତରେ ଦେଇ ଦୋଳନୀୟ ନୈବେଦ୍ୟାର୍ଥେ ସଦାପ୍ରଭୁଙ୍କ ଛାମୁରେ ତାହା ଦୋଳାଇବ।
\v 25 ଏଥିଉତ୍ତାରେ ତୁମ୍ଭେ ସେମାନଙ୍କ ହସ୍ତରୁ ତାହାସବୁ ନେଇ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଛାମୁରେ ବେଦିରେ ହୋମାର୍ଥକ ବଳି ଉପରେ ଦଗ୍ଧ କରିବ। ଏହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ଅଟେ।
\s5
\v 26 ଏଥିଉତ୍ତାରେ ତୁମ୍ଭେ ହାରୋଣର ଉତ୍ସର୍ଗୀକୃତ ମେଷର ବକ୍ଷ ଘେନି ଦୋଳନୀୟ ନୈବେଦ୍ୟାର୍ଥେ ସଦାପ୍ରଭୁଙ୍କ ଛାମୁରେ ଦୋଳାଇବ; ସେହି ଖଣ୍ଡ ତୁମ୍ଭର ଅଂଶ ହେବ।
\v 27 ଆଉ ହାରୋଣର ଓ ତାହାର ପୁତ୍ରଗଣର ପଦନିଯୋଗାର୍ଥକ ମେଷର ଯେଉଁ ବୁକୁ ରୂପ ଦୋଳନୀୟ ନୈବେଦ୍ୟ ଦୋଳାୟିତ ଓ ଯେଉଁ ଚଟୁଆ ରୂପ ଉତ୍ତୋଳନୀୟ ଉପହାର ଉତ୍ତୋଳିତ ହେଲା, ତାହା ତୁମ୍ଭେ ପବିତ୍ର କରିବ।
\v 28 ତହିଁରେ ଅନନ୍ତକାଳୀନ ବିଧି ଦ୍ୱାରା ଇସ୍ରାଏଲ ସନ୍ତାନଗଣଠାରୁ ତାହା ହାରୋଣର ଓ ତାହାର ପୁତ୍ରଗଣର ଅଧିକାର ହେବ, ଯେହେତୁ ତାହା ଉତ୍ତୋଳନୀୟ ଉପହାର ଅଟେ; ଇସ୍ରାଏଲ ସନ୍ତାନଗଣର ଏହି ଉତ୍ତୋଳନୀୟ ଉପହାର ସେମାନଙ୍କ ମଙ୍ଗଳାର୍ଥକ ବଳିରୁ ଦେୟ ହେବ; ଏହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସେମାନଙ୍କର ଉତ୍ତୋଳନୀୟ ଉପହାର ଅଟେ।
\s5
\v 29 ପୁଣି, ହାରୋଣର (ମୁତ୍ୟୁ) ଉତ୍ତାରେ ତାହାର ପବିତ୍ର ବସ୍ତ୍ରସକଳ ତାହାର ପୁତ୍ରଗଣର ହେବ; ଅଭିଷେକ ଓ ପଦ ନିଯୁକ୍ତି ସମୟରେ ସେମାନେ ତାହା ପରିଧାନ କରିବେ।
\v 30 ତାହାର ପୁତ୍ରମାନଙ୍କ ମଧ୍ୟରୁ ଯେଉଁ ଲୋକ ତାହା ପଦରେ ଯାଜକ ହୋଇ ପବିତ୍ର ସ୍ଥାନରେ ସେବା କରିବା ନିମନ୍ତେ ସମାଗମ-ତମ୍ବୁକୁ ଆସିବ, ସେ ସେହି ବସ୍ତ୍ର ସାତ ଦିନ ପରିଧାନ କରିବ।
\s5
\v 31 ଏଥିଉତ୍ତାରେ ତୁମ୍ଭେ ସେହି ଉତ୍ସର୍ଗୀକୃତ ମେଷର ମାଂସ ଘେନି ଗୋଟିଏ ପବିତ୍ର ସ୍ଥାନରେ ପାକ କରିବ,
\v 32 ପୁଣି, ହାରୋଣ ଓ ତାହାର ପୁତ୍ରଗଣ ସମାଗମ-ତମ୍ବୁର ଦ୍ୱାର ନିକଟରେ ସେହି ମେଷ ମାଂସ ଓ ଡାଲାସ୍ଥିତ ସେହି ରୁଟି ଭୋଜନ କରିବେ।
\v 33 ପୁଣି, ସେମାନଙ୍କୁ ପଦରେ ନିଯୁକ୍ତ ଓ ପ୍ରତିଷ୍ଠା କରିବା ନିମନ୍ତେ ଯାହା ଦ୍ୱାରା ପ୍ରାୟଶ୍ଚିତ୍ତ ହେଲା, ତାହା ସେମାନେ ଭୋଜନ କରିବେ; ମାତ୍ର କୌଣସି ଅନ୍ୟ ବଂଶୀୟ ଲୋକ ତାହା ଭୋଜନ କରିବ ନାହିଁ, କାରଣ ତାହା ସବୁ ପବିତ୍ର ବସ୍ତୁ।
\v 34 ଆଉ ସେହି ପଦ-ନିଯୋଗାର୍ଥକ ମାଂସ ଓ ରୁଟିରୁ ଯଦି ପ୍ରଭାତ ପର୍ଯ୍ୟନ୍ତ କିଛି ଅବଶିଷ୍ଟ ରହିବ, ତେବେ ସେହି ଅବଶିଷ୍ଟାଂଶ ଅଗ୍ନିରେ ଭସ୍ମସାତ୍‍ କରିବ, କେହି ତାହା ଖାଇବ ନାହିଁ; କାରଣ ତାହା ପବିତ୍ର ବସ୍ତୁ ଅଟେ।
\s5
\v 35 ଆମ୍ଭେ ତୁମ୍ଭକୁ ଯେପରି ଆଜ୍ଞା ଦେଇଅଛୁ , ତଦନୁସାରେ ତୁମ୍ଭେ ହାରୋଣ ପ୍ରତି ଓ ତାହାର ପୁତ୍ରଗଣ ପ୍ରତି କରିବ; ସେମାନଙ୍କ ଉତ୍ସର୍ଗୀକୃତରେ ସାତଦିନ ଲାଗିବ।
\v 36 ଆଉ ତୁମ୍ଭେ ପ୍ରାୟଶ୍ଚିତ୍ତ ନିମନ୍ତେ ପ୍ରତି ଦିନ ପାପାର୍ଥକ ବଳି ରୂପେ ଏକ ପୁଂଗୋବତ୍ସ ଉତ୍ସର୍ଗ କରିବ, ପୁଣି, ବେଦି ନିମନ୍ତେ ପ୍ରାୟଶ୍ଚିତ୍ତ କରି ତାହା ପାପମୁକ୍ତ କରିବ ଓ ତାହା ପବିତ୍ର କରିବା ପାଇଁ ଅଭିଷେକ କରିବ।
\v 37 ତୁମ୍ଭେ ବେଦି ନିମନ୍ତେ ସାତ ଦିନ ପ୍ରାୟଶ୍ଚିତ୍ତ କରି ତାହା ପବିତ୍ର କରିବ; ତହିଁରେ ବେଦି ମହାପବିତ୍ର ହେବ, ପୁଣି, ଯାହା କିଛି ବେଦି ସ୍ପର୍ଶ କରେ, ସେସବୁ ପବିତ୍ର ହେବ।
\s ଦୈନନ୍ଦିନ ନୈବେଦ୍ୟ
\p
\s5
\v 38 ସେହି ବେଦି ଉପରେ ତୁମ୍ଭେ ଏହି ବଳି ଉତ୍ସର୍ଗ କରିବ; ତୁମ୍ଭେ ନିୟମିତ ଭାବରେ ପ୍ରତିଦିନ ଏକ ବର୍ଷୀୟ ଦୁଇ ମେଷଶାବକ,
\v 39 ଅର୍ଥାତ୍‍, ତାହାର ପ୍ରଥମ ମେଷଶାବକକୁ ପ୍ରଭାତରେ ଉତ୍ସର୍ଗ କରିବ ଓ ଦ୍ୱିତୀୟ ମେଷଶାବକକୁ ସନ୍ଧ୍ୟା ବେଳେ ଉତ୍ସର୍ଗ କରିବ।
\s5
\v 40 ପୁଣି, ପ୍ରଥମ ମେଷଶାବକ ସହିତ ହିନ୍‍ପାତ୍ରର ଚତୁର୍ଥାଂଶ ନିର୍ମଳ ପେଷା ତୈଳରେ ମିଶ୍ରିତ ଏକ ଐଫାର
\f +
\fr 29:40
\ft ଅର୍ଥାତ୍ ଏକ କିଲୋ ମଇଦା ପୁଣି ତୈଳ
\f* ଦଶମାଂଶ ମଇଦା ଓ ପେୟ ନୈବେଦ୍ୟ ନିମନ୍ତେ ହିନ୍‍ର ଚତୁର୍ଥାଂଶ ଦ୍ରାକ୍ଷାରସ ଦେବ।
\s5
\v 41 ଆଉ ସନ୍ଧ୍ୟା ସମୟରେ ଦ୍ୱିତୀୟ ମେଷଶାବକ ଉତ୍ସର୍ଗ କରିବ, ପୁଣି, ପ୍ରଭାତର ଭକ୍ଷ୍ୟ ନୈବେଦ୍ୟ ଓ ପେୟ ନୈବେଦ୍ୟ ପ୍ରମାଣେ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ସ୍ୱରୂପେ ତାହା ଉତ୍ସର୍ଗ କରିବ।
\v 42 ଏହା ସମାଗମ-ତମ୍ବୁର ଦ୍ୱାର ନିକଟରେ ସଦାପ୍ରଭୁଙ୍କ ସମ୍ମୁଖରେ ତୁମ୍ଭମାନଙ୍କର ପୁରୁଷାନୁକ୍ରମେ ନିତ୍ୟ (କର୍ତ୍ତବ୍ୟ) ହୋମ ହେବ; ସେହି ସ୍ଥାନରେ ଆମ୍ଭେ ତୁମ୍ଭ ସହିତ ଆଳାପ କରିବା ନିମନ୍ତେ ତୁମ୍ଭମାନଙ୍କ ସହିତ ସାକ୍ଷାତ କରିବା।
\s5
\v 43 ଆଉ ସେହି ସ୍ଥାନରେ ଆମ୍ଭେ ଇସ୍ରାଏଲ ସନ୍ତାନଗଣ ସହିତ ସାକ୍ଷାତ କରିବା; ପୁଣି, ଆମ୍ଭ ପ୍ରତାପରେ (ତମ୍ବୁ) ପବିତ୍ରୀକୃତ ହେବ।
\v 44 ଆଉ, ଆମ୍ଭେ ସମାଗମ-ତମ୍ବୁ ଓ ବେଦିକୁ ପବିତ୍ର କରିବା, ପୁଣି, ଆମ୍ଭର ଯାଜକ କର୍ମ କରଣାର୍ଥେ ହାରୋଣକୁ ଓ ତାହାର ପୁତ୍ରଗଣକୁ ପବିତ୍ର କରିବା।
\s5
\v 45 ଆମ୍ଭେ ଇସ୍ରାଏଲ ସନ୍ତାନଗଣ ମଧ୍ୟରେ ବାସ କରି ସେମାନଙ୍କର ପରମେଶ୍ୱର ହେବା।
\v 46 ତହିଁରେ ଆମ୍ଭେ ଯେ ସେମାନଙ୍କର ସଦାପ୍ରଭୁ ପରମେଶ୍ୱର, ସେମାନଙ୍କ ମଧ୍ୟରେ ବାସ କରିବା ନିମନ୍ତେ ମିସର ଦେଶରୁ ସେମାନଙ୍କୁ ବାହାର କରି ଆଣିଅଛୁ, ତାହା ସେମାନେ ଜାଣିବେ; ଆମ୍ଭେ ସଦାପ୍ରଭୁ ସେମାନଙ୍କର ପରମେଶ୍ୱର।
\s5
\c 30
\s ସୁଗନ୍ଧି ଧୂପର ବେଦି
\p
\v 1 ଆଉ ତୁମ୍ଭେ ଧୂପ ଜଳାଇବା ପାଇଁ ଶିଟୀମ୍‍ କାଷ୍ଠର ଏକ ବେଦି ନିର୍ମାଣ କରିବ।
\v 2 ତାହା ଏକ ହସ୍ତ ଦୀର୍ଘ ଓ ଏକ ହସ୍ତ ପ୍ରସ୍ଥ ଓ ଚତୁଷ୍କୋଣ ହେବ, ପୁଣି, ଦୁଇ ହସ୍ତ ଉଚ୍ଚ ହେବ; ତହିଁର ଶୃଙ୍ଗସକଳ ତହିଁର ଅଂଶ ହେବ।
\s5
\v 3 ତହିଁର ପୃଷ୍ଠ ଓ ଚାରି ପାର୍ଶ୍ୱ ଓ ଶୃଙ୍ଗ ନିର୍ମଳ ସୁବର୍ଣ୍ଣରେ ମଡ଼ାଇବ ଓ ତହିଁର ଚାରିଆଡ଼େ ସ୍ୱର୍ଣ୍ଣର କାନ୍ଥି କରିବ।
\v 4 ପୁଣି, ତହିଁର କାନ୍ଥି ତଳେ ଦୁଇ ପାର୍ଶ୍ୱର ଦୁଇ କୋଣ ନିକଟରେ ସ୍ୱର୍ଣ୍ଣର ଦୁଇ ଦୁଇ କଡ଼ା କରିବ; ଆଉ ତାହା ବହନାର୍ଥକ ସାଙ୍ଗୀର ଘରା ହେବ।
\s5
\v 5 ସେହି ସାଙ୍ଗୀ ଶିଟୀମ୍‍ କାଷ୍ଠରେ ନିର୍ମାଣ କରି ସ୍ୱର୍ଣ୍ଣରେ ମଡ଼ାଇବ।
\v 6 ପୁଣି, ଆମ୍ଭେ ଯେଉଁ ସ୍ଥାନରେ ତୁମ୍ଭ ସହିତ ସାକ୍ଷାତ କରିବା, ସେହି ସ୍ଥାନରେ, ଅର୍ଥାତ୍‍, ସାକ୍ଷ୍ୟ ସିନ୍ଦୁକର ଉପରିସ୍ଥ ପାପାଚ୍ଛାଦନ ସମ୍ମୁଖରେ ସାକ୍ଷ୍ୟ ସିନ୍ଦୁକର ଅଗ୍ରସ୍ଥିତ ବିଚ୍ଛେଦ-ବସ୍ତ୍ରର ଆଗରେ ତାହା ରଖିବ।
\s5
\v 7 ହାରୋଣ ତହିଁ ଉପରେ ସୁଗନ୍ଧି ଧୂପ ଜ୍ୱଳାଇବ, ସେ ପ୍ରତି ପ୍ରଭାତରେ ପ୍ରଦୀପ ପରିଷ୍କାର କରିବା ସମୟରେ ସେହି ଧୂପ ଜ୍ୱଳାଇବ।
\v 8 ପୁଣି, ସନ୍ଧ୍ୟା କାଳେ ହାରୋଣ ପ୍ରଦୀପ ଜ୍ୱଳାଇବା ସମୟରେ ଧୂପ ଜ୍ୱଳାଇବ, ତହିଁରେ ତୁମ୍ଭମାନଙ୍କର ପୁରୁଷାନୁକ୍ରମେ ସଦାପ୍ରଭୁଙ୍କ ସମ୍ମୁଖରେ ନିତ୍ୟ ନିତ୍ୟ ଧୂପ-ଦାହ ହେବ।
\v 9 ତୁମ୍ଭେମାନେ ତହିଁ ଉପରେ ଅନ୍ୟ କୌଣସି ଧୂପ ଅବା ହୋମବଳି କିଅବା ଭକ୍ଷ୍ୟ ନୈବେଦ୍ୟ ଉତ୍ସର୍ଗ କରିବ ନାହିଁ ଓ ତହିଁ ଉପରେ ପେୟ ନୈବେଦ୍ୟ ଢାଳିବ ନାହିଁ।
\s5
\v 10 ପୁଣି, ହାରୋଣ ବର୍ଷ ମଧ୍ୟରେ ଥରେ ତହିଁର ଶୃଙ୍ଗ ଉପରେ ପ୍ରାୟଶ୍ଚିତ୍ତ କରିବ; ସେ ପ୍ରାୟଶ୍ଚିତ୍ତାର୍ଥକ ପାପବଳିର ରକ୍ତ ଦ୍ୱାରା ତୁମ୍ଭମାନଙ୍କ ପୁରୁଷାନୁକ୍ରମେ ବର୍ଷକେ ଥରେ ତହିଁ ଉପରେ ପ୍ରାୟଶ୍ଚିତ୍ତ କରିବ। ଏହି ବେଦି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ମହାପବିତ୍ର ଅଟେ।
\s ଜନଗଣନାର ଉପହାର
\p
\s5
\v 11 ଆଉ ସଦାପ୍ରଭୁ ମୋଶାଙ୍କୁ ଏହି କଥା କହିଲେ,
\v 12 “ଯେତେବେଳେ ତୁମ୍ଭେ ଗଣିତ ଲୋକମାନଙ୍କ ସଂଖ୍ୟାନୁସାରେ ଇସ୍ରାଏଲ ସନ୍ତାନଗଣକୁ ଗଣନା କରିବ, ସେତେବେଳେ ସେମାନଙ୍କର ପ୍ରତ୍ୟେକ ଲୋକ ସଦାପ୍ରଭୁଙ୍କ ନିକଟରେ ଆପଣା ଆପଣା ପ୍ରାଣାର୍ଥେ ଗଣନା ସମୟରେ ପ୍ରାୟଶ୍ଚିତ୍ତ କରିବେ, ତହିଁରେ ସେମାନଙ୍କ ମଧ୍ୟରେ ଗଣନା ସମୟରେ କୌଣସି ମହାମାରୀ ହେବ ନାହିଁ।
\v 13 ଯେକେହି ଗଣିତ ଲୋକମାନଙ୍କ ମଧ୍ୟରେ ଅନ୍ତର୍ଭୁକ୍ତ, ସେ ପବିତ୍ର ସ୍ଥାନର ଶେକଲ ଅନୁସାରେ ଅର୍ଦ୍ଧ ଶେକଲ
\f +
\fr 30:13
\ft 5.5 କିମ୍ବା 6 ଗ୍ରାମ୍ ରୂପା
\f* ଦେବ; (କୋଡ଼ିଏ ଗେରାରେ
\f +
\fr 30:13
\ft ପ୍ରାୟ 0.6 ଗ୍ରାମ୍ ଏହା ସବୁଠାରୁ କ୍ଷୁଦ୍ର ମାପ ଥିଲା
\f* ଏକ ଶେକଲ); ସେହି ଅର୍ଦ୍ଧ ଶେକଲ ସଦାପ୍ରଭୁଙ୍କ ପ୍ରାପ୍ୟ ଉପହାର ହେବ।
\v 14 କୋଡ଼ିଏ ବର୍ଷ କିଅବା ତହିଁରୁ ଅଧିକ ବର୍ଷ ବୟସ୍କ ଯେକେହି ଗଣିତ ଲୋକମାନଙ୍କ ମଧ୍ୟରେ ଅନ୍ତର୍ଭୁକ୍ତ, ସେ ସଦାପ୍ରଭୁଙ୍କୁ ଏହି ଉପହାର ଦେବ।
\s5
\v 15 ତୁମ୍ଭେମାନେ ଆପଣା ଆପଣା ପ୍ରାଣ ନିମନ୍ତେ ପ୍ରାୟଶ୍ଚିତ୍ତକରଣାର୍ଥେ ସଦାପ୍ରଭୁଙ୍କୁ ସେହି ଉପହାର ଦେବା ସମୟରେ ଧନବାନ୍ ଅର୍ଦ୍ଧ ଶେକଲରୁ
\f +
\fr 30:15
\ft 5.5 କିମ୍ବା 6 ଗ୍ରାମ୍ ରୂପା
\f* ଅଧିକ ଦେବ ନାହିଁ, ପୁଣି, ଦରିଦ୍ର ତହିଁରୁ ଊଣା ଦେବ ନାହିଁ।
\v 16 ତହୁଁ ତୁମ୍ଭେ ଇସ୍ରାଏଲ-ସନ୍ତାନଗଣଠାରୁ ସେହି ପ୍ରାୟଶ୍ଚିତ୍ତ-ରୂପା ନେଇ ସମାଗମ-ତମ୍ବୁର କାର୍ଯ୍ୟାର୍ଥେ ନିରୂପଣ କରିବ; ତାହା ତୁମ୍ଭମାନଙ୍କ ପ୍ରାଣର ପ୍ରାୟଶ୍ଚିତ୍ତ ନିମନ୍ତେ ଇସ୍ରାଏଲ ସନ୍ତାନଗଣର ସ୍ମରଣାର୍ଥେ ସଦାପ୍ରଭୁଙ୍କ ସମ୍ମୁଖରେ ରହିବ।”
\s ପିତ୍ତଳ ଜଳ କୁଣ୍ଡ
\p
\s5
\v 17 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
\v 18 “ତୁମ୍ଭେ ପ୍ରକ୍ଷାଳନ ନିମନ୍ତେ ପିତ୍ତଳର କୁଣ୍ଡ ଓ ତହିଁର ପିତ୍ତଳର ବୈଠିକି ପ୍ରସ୍ତୁତ କରିବ; ପୁଣି, ସମାଗମ-ତମ୍ବୁ ଓ ବେଦି ମଧ୍ୟସ୍ଥାନରେ ରଖି ତହିଁ ମଧ୍ୟରେ ଜଳ ପୂରାଇବ।
\s5
\v 19 ଆଉ ହାରୋଣ ଓ ତାହାର ପୁତ୍ରଗଣ ତହିଁରେ ଆପଣା ଆପଣା ହସ୍ତ ଓ ପଦ ପ୍ରକ୍ଷାଳନ କରିବେ।
\v 20 ସେମାନେ ସମାଗମ-ତମ୍ବୁରେ ପ୍ରବେଶ କରିବା ସମୟରେ ଯେପରି ନ ମରନ୍ତି, ଏଥିପାଇଁ ଜଳରେ ଆପଣାମାନଙ୍କୁ ଧୌତ କରିବେ; କିଅବା ସଦାପ୍ରଭୁଙ୍କର ସେବା ନିମନ୍ତେ, ଅର୍ଥାତ୍‍, ଅଗ୍ନିକୃତ ଉପହାର ଧୂପନ୍ୟାୟ ଦଗ୍ଧ କରିବା ନିମନ୍ତେ ବେଦି ନିକଟକୁ ଆସିବା ସମୟରେ ଯେପରି ନ ମରନ୍ତି,
\v 21 ଏଥିପାଇଁ ସେମାନେ ଆପଣା ଆପଣା ହସ୍ତ ଓ ପଦ ଧୌତ କରିବେ; ଏହା ତାହାର ଓ ତାହା ବଂଶର ପୁରୁଷାନୁକ୍ରମେ ପାଳନୀୟ ଅନନ୍ତକାଳୀନ ବିଧି ହେବ।”
\s ଅଭିଷେକାର୍ଥକ ତୈଳ ଏବଂ ଧୂପ
\p
\s5
\v 22 ଆହୁରି ସଦାପ୍ରଭୁ ମୋଶାଙ୍କୁ କହିଲେ,
\v 23 “ତୁମ୍ଭେ ଆପଣା ନିକଟରେ ଏହିସବୁ ଅତ୍ୟୁତ୍ତମ ସୁଗନ୍ଧି ଦ୍ରବ୍ୟ, ଅର୍ଥାତ୍‍, ପବିତ୍ର ସ୍ଥାନର ଶେକଲ ଅନୁସାରେ ପାଞ୍ଚଶତ ଶେକଲ ନିର୍ମଳ ଗନ୍ଧରସ ଓ ତହିଁର ଅର୍ଦ୍ଧ, ଅର୍ଥାତ୍‍, ଅଢ଼ାଇଶତ ଶେକଲ ସୁଗନ୍ଧି ଦାରୁଚିନି, ଅଢ଼ାଇଶତ ଶେକଲ ସୁଗନ୍ଧି,
\v 24 ପାଞ୍ଚଶତ ଶେକଲ ଗୁଡ଼ତ୍ୱକ୍‍ ଓ ଏକ ହିନ୍‍ ଜୀତ ତୈଳ ସଂଗ୍ରହ କରିବ।
\v 25 ଏହିସବୁ ଦ୍ୱାରା ତୁମ୍ଭେ ଅଭିଷେକାର୍ଥକ ପବିତ୍ର ତୈଳ, ଅର୍ଥାତ୍‍, ଗନ୍ଧବଣିକର କ୍ରିୟାନୁସାରେ ତୈଳ ପ୍ରସ୍ତୁତ କରିବ, ତାହା ଅଭିଷେକାର୍ଥକ ପବିତ୍ର ତୈଳ ହେବ।
\s5
\v 26 ତାହା ତୁମ୍ଭେ ନେଇ ସମାଗମ-ତମ୍ବୁ ଓ ସାକ୍ଷ୍ୟ ସିନ୍ଦୁକ,
\v 27 ପୁଣି, ମେଜ, ତହିଁର ସକଳ ପାତ୍ର, ଦୀପବୃକ୍ଷ ଓ ତହିଁର ସକଳ ପାତ୍ର,
\v 28 ଆଉ ଧୂପବେଦି, ତହିଁର ସକଳ ପାତ୍ର, ପ୍ରକ୍ଷାଳନ ପାତ୍ର ଓ ତହିଁର ବୈଠିକି ଅଭିଷେକ କରିବ।
\s5
\v 29 ପୁଣି, ଏହିସବୁ ବସ୍ତୁକୁ ପବିତ୍ର କରିବ, ତହିଁରେ ତାହା ମହାପବିତ୍ର ହେବ, ଯାହା କିଛି ତାହା ସ୍ପର୍ଶ କରେ, ସେସବୁ ପବିତ୍ର ହେବ।
\v 30 ପୁଣି, ତୁମ୍ଭେ ହାରୋଣକୁ ଓ ତାହାର ପୁତ୍ରଗଣକୁ ଆମ୍ଭର ଯାଜକ କର୍ମ କରଣାର୍ଥେ ଅଭିଷେକ କରି ପବିତ୍ର କରିବ।
\v 31 ଆଉ ଇସ୍ରାଏଲ ସନ୍ତାନଗଣକୁ କହିବ, ତୁମ୍ଭମାନଙ୍କ ପୁରୁଷାନୁକ୍ରମେ ଆମ୍ଭ ନିମନ୍ତେ ତାହା ଅଭିଷେକାର୍ଥକ ପବିତ୍ର ତୈଳ ହେବ।
\s5
\v 32 ମନୁଷ୍ୟର ଶରୀରରେ ତାହା ଢ଼ଳାଯିବ ନାହିଁ; ଅଥବା ତୁମ୍ଭେମାନେ ତହିଁର ମିଶ୍ରିତ ଦ୍ରବ୍ୟର ପରିମାଣାନୁସାରେ ଆଉ କୌଣସି ତୈଳ କରିବ ନାହିଁ; ତାହା ପବିତ୍ର ଅଟେ, ଆଉ ତାହା ତୁମ୍ଭମାନଙ୍କ ପ୍ରତି ପବିତ୍ର ହେବ।
\v 33 ଯେକେହି ତହିଁ ତୁଲ୍ୟ କିଛି ପ୍ରସ୍ତୁତ କରିବ, ଅବା ଯେକେହି ଅପରିଚିତ ଲୋକର ଶରୀରରେ ତହିଁରୁ କିଛି ଲଗାଇବ, ସେ ଆପଣା ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେବ।”
\s5
\v 34 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଆପଣା ନିକଟରେ ସୁଗନ୍ଧି ଦ୍ରବ୍ୟ, ଅର୍ଥାତ୍‍, ଗୁଗ୍‍ଗୁଳ, ନଖୀ, କୁନ୍ଦୁରୁ ଓ ନିର୍ମଳ ଲୋବାନ୍‍, ଏହି ପ୍ରତ୍ୟେକ ସୁଗନ୍ଧି ଦ୍ରବ୍ୟ ସମଭାଗରେ ସଂଗ୍ରହ କର।
\v 35 ପୁଣି, ତଦ୍ଦ୍ୱାରା ଗନ୍ଧବଣିକର କ୍ରିୟାରେ ପ୍ରସ୍ତୁତ ଓ ଲବଣାକ୍ତ ଏକ ନିର୍ମଳ ପବିତ୍ର ସୁଗନ୍ଧି ଧୂପ ପ୍ରସ୍ତୁତ କର।
\v 36 ତହିଁରୁ କିଛି ଚୂର୍ଣ୍ଣ କରି ଯେଉଁ ସମାଗମ-ତମ୍ବୁରେ ଆମ୍ଭେ ତୁମ୍ଭ ସହିତ ସାକ୍ଷାତ କରିବା, ତହିଁ ମଧ୍ୟରେ ସାକ୍ଷ୍ୟ ସିନ୍ଦୁକ ସମ୍ମୁଖରେ ରଖିବ; ତାହା ତୁମ୍ଭମାନଙ୍କ ପ୍ରତି ମହାପବିତ୍ର ହେବ।
\s5
\v 37 ପୁଣି, ତୁମ୍ଭେ ଯେଉଁ ସୁଗନ୍ଧି ଧୂପ କରିବ, ତହିଁର ମିଶ୍ରିତ ଦ୍ରବ୍ୟର ପରିମାଣାନୁସାରେ ଆପଣାମାନଙ୍କ ନିମନ୍ତେ କର ନାହିଁ, ତାହା ତୁମ୍ଭମାନଙ୍କ ପ୍ରତି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ହେବ।
\v 38 ଯେକେହି ଆପଣା ଆଘ୍ରାଣାର୍ଥେ ତତ୍ତୁଲ୍ୟ ସୁଗନ୍ଧି ଧୂପ ପ୍ରସ୍ତୁତ କରିବ, ସେ ଆପଣା ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେବ।”
\s5
\c 31
\s ବତ୍ସଲେଲ ଓ ଅହଲୀୟାବର ଦାୟିତ୍ୱ
\p
\v 1 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ ଏହି କଥା କହିଲେ,
\v 2 “ଦେଖ, ଆମ୍ଭେ ଯିହୁଦା ବଂଶୀୟ ହୂରର ପୌତ୍ର ଊରିର ପୁତ୍ର ବତ୍ସଲେଲକୁ ନାମ ଧରି ଆହ୍ୱାନ କରିଅଛୁ
\s5
\v 3 ପୁଣି, ଶିଳ୍ପକର୍ମ, ଅର୍ଥାତ୍‍, ସ୍ୱର୍ଣ୍ଣ, ରୌପ୍ୟ ଓ ପିତ୍ତଳରେ ଖୋଦନ ଓ ଖଚନାର୍ଥକ ମଣି-କର୍ତ୍ତନ ଓ କାଷ୍ଠ-ଖୋଦନ ପ୍ରଭୃତି
\v 4 ସର୍ବ ପ୍ରକାର ଶିଳ୍ପକର୍ମ କରଣାର୍ଥେ
\v 5 ତାହାକୁ ଜ୍ଞାନ, ବୃଦ୍ଧି, ବିଦ୍ୟା ଓ କର୍ମନୈପୁଣ୍ୟଦାୟକ ପରମେଶ୍ୱରଙ୍କ ଆତ୍ମାରେ ପରିପୂର୍ଣ୍ଣ କରିଅଛୁ।
\s5
\v 6 ଆଉ ଦେଖ, ଆମ୍ଭେ ଦାନ୍ ବଂଶଜାତ ଅହୀଷାମକର ପୁତ୍ର ଅହଲୀୟାବକୁ ତାହାର ସହକାରୀ ହେବା ପାଇଁ ନିଯୁକ୍ତ କରିଅଛୁ; ପୁଣି, ସମସ୍ତ ବିଜ୍ଞମନା ଲୋକମାନଙ୍କ ହୃଦୟରେ ଜ୍ଞାନ ଦେଇଅଛୁ; ଏଣୁ ଆମ୍ଭେ ତୁମ୍ଭକୁ ଯେସମସ୍ତ ଆଜ୍ଞା ଦେଇଅଛୁ, ତାହାସବୁ ସେମାନେ ନିର୍ମାଣ କରି ପାରିବେ।
\v 7 ଅର୍ଥାତ୍‍, ସମାଗମ-ତମ୍ବୁ ଓ ସାକ୍ଷ୍ୟ ସିନ୍ଦୁକ ଓ ତହିଁର ଉପରିସ୍ଥ ପାପାଚ୍ଛାଦନ ଓ ତମ୍ବୁର ସମସ୍ତ ପାତ୍ର,
\v 8 ଆଉ ମେଜ, ତହିଁର ପାତ୍ରାଦି, ନିର୍ମଳ ସ୍ୱର୍ଣ୍ଣ ଦୀପବୃକ୍ଷ, ତହିଁର ସମସ୍ତ ପାତ୍ର, ଧୂପବେଦି,
\v 9 ହୋମବେଦି, ତହିଁର ସମସ୍ତ ପାତ୍ର, ପ୍ରକ୍ଷାଳନ ପାତ୍ର ଓ ତହିଁର ବୈଠିକି,
\s5
\v 10 ପୁଣି, ସୁଶୋଭିତ ବସ୍ତ୍ର, ଯାଜକ କର୍ମ କରଣାର୍ଥେ ହାରୋଣ ଯାଜକର ପବିତ୍ର ବସ୍ତ୍ର ଓ ତାହାର ପୁତ୍ରଗଣର ବସ୍ତ୍ର,
\v 11 ପୁଣି, ଅଭିଷେକାର୍ଥକ ତୈଳ ଓ ପବିତ୍ର ସ୍ଥାନ ନିମନ୍ତେ ସୁଗନ୍ଧି ଧୂପ, ଏହି ଯେଉଁ ସମସ୍ତ ଆଜ୍ଞା ଆମ୍ଭେ ତୁମ୍ଭକୁ ଦେଇଅଛୁ, ତଦନୁସାରେ ସେମାନେ କରିବେ।”
\s ବିଶ୍ରାମର ଦିନ
\p
\s5
\v 12 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
\v 13 “ତୁମ୍ଭେ ଆହୁରି ଇସ୍ରାଏଲ ସନ୍ତାନଗଣକୁ ଏହି କଥା କୁହ, ନିଶ୍ଚୟ ତୁମ୍ଭେମାନେ ଆମ୍ଭର ବିଶ୍ରାମଦିନ ପାଳନ କରିବ; ଯେହେତୁ ଆମ୍ଭେ ଯେ ତୁମ୍ଭମାନଙ୍କର ପବିତ୍ରକାରୀ ସଦାପ୍ରଭୁ, ଏହା ଯେପରି ତୁମ୍ଭେମାନେ ଜାଣିବ, ଏଥିପାଇଁ ତୁମ୍ଭମାନଙ୍କ ପୁରୁଷାନୁକ୍ରମେ ଆମ୍ଭ ଓ ତୁମ୍ଭମାନଙ୍କ ମଧ୍ୟରେ ତାହା ଏକ ଚିହ୍ନ ହେବ।
\v 14 ଏଣୁ ତୁମ୍ଭେମାନେ ବିଶ୍ରାମଦିନ ପାଳନ କରିବ; କାରଣ ତାହା ତୁମ୍ଭମାନଙ୍କ ପ୍ରତି ପବିତ୍ର ଅଟେ; ଯେକେହି ତାହା ଅପବିତ୍ର କରେ, ନିଶ୍ଚୟ ତାହାର ପ୍ରାଣଦଣ୍ଡ ହେବ; ପୁଣି, ଯେ କୌଣସି ବ୍ୟକ୍ତି ସେହି ଦିନରେ କାର୍ଯ୍ୟ କରିବ, ସେ ଆପଣା ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେବ।
\v 15 ଛଅ ଦିନ ପର୍ଯ୍ୟନ୍ତ କାର୍ଯ୍ୟ କରାଯିବ, ମାତ୍ର ସପ୍ତମ ଦିନ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ମହା ବିଶ୍ରାମଦିନ ଅଟେ; ସେହି ବିଶ୍ରାମଦିନରେ ଯେକେହି କାର୍ଯ୍ୟ କରେ, ନିଶ୍ଚୟ ତାହାର ପ୍ରାଣଦଣ୍ଡ ହେବ।
\s5
\v 16 ଏହେତୁ ଇସ୍ରାଏଲ ସନ୍ତାନଗଣ ଅନନ୍ତକାଳୀନ ନିୟମ ରୂପେ ପୁରୁଷାନୁକ୍ରମେ ମାନ୍ୟ କରିବା ପାଇଁ ବିଶ୍ରାମଦିନ ପାଳନ କରିବେ।
\v 17 ତାହା ଆମ୍ଭ ଓ ଇସ୍ରାଏଲ ସନ୍ତାନଗଣ ମଧ୍ୟରେ ଗୋଟିଏ ଅନନ୍ତକାଳୀନ ଚିହ୍ନ ହେବ, କାରଣ ସଦାପ୍ରଭୁ ଛଅ ଦିନରେ ଆକାଶମଣ୍ଡଳ ଓ ପୃଥିବୀ ନିର୍ମାଣ କରି ସପ୍ତମ ଦିନରେ ବିଶ୍ରାମ କରି ଆଶ୍ୱାସିତ ହୋଇଥିଲେ।”
\s5
\v 18 ତହୁଁ ସେ ସୀନୟ ପର୍ବତରେ ମୋଶାଙ୍କ ସହିତ କଥା ସମାପ୍ତ କରି ସାକ୍ଷ୍ୟ ସ୍ୱରୂପ ଦୁଇ ପଟା, ଅର୍ଥାତ୍‍, ପରମେଶ୍ୱରଙ୍କ ଅଙ୍ଗୁଳି ଲିଖିତ ଦୁଇ ପ୍ରସ୍ତର ପଟା ତାଙ୍କୁ ଦେଲେ।
\s5
\c 32
\s ସୁବର୍ଣ୍ଣ ବାଛୁରି
\p
\v 1 ଏଥିଉତ୍ତାରେ ମୋଶାଙ୍କର ପର୍ବତରୁ ଓହ୍ଲାଇବାର ବିଳମ୍ବ ଦେଖି ଲୋକମାନେ ହାରୋଣଙ୍କ ନିକଟରେ ଏକତ୍ର ହୋଇ ତାଙ୍କୁ କହିଲେ, “ଉଠ, ଆମ୍ଭମାନଙ୍କର ଅଗ୍ରଗାମୀ ହେବା ପାଇଁ ଆମ୍ଭମାନଙ୍କ ନିମନ୍ତେ ଦେବତା ନିର୍ମାଣ କର, ଯେହେତୁ ଯେଉଁ ବ୍ୟକ୍ତି ମିସର ଦେଶରୁ ଆମ୍ଭମାନଙ୍କୁ ବାହାର କରି ଆଣିଲେ, ସେହି ମୋଶାଙ୍କ ପ୍ରତି କଅଣ ଘଟିଅଛି, ତାହା ଆମ୍ଭେମାନେ ଜାଣୁ ନାହୁଁ।”
\v 2 ତହୁଁ ହାରୋଣ ସେମାନଙ୍କୁ କହିଲେ, “ତେବେ ତୁମ୍ଭେମାନେ ଆପଣା ଆପଣା ଭାର୍ଯ୍ୟା ଓ ପୁତ୍ରକନ୍ୟାଗଣର କର୍ଣ୍ଣରୁ ସ୍ୱର୍ଣ୍ଣକୁଣ୍ଡଳ କାଢ଼ି ମୋ’ ପାଖକୁ ଆଣ।”
\s5
\v 3 ତହିଁରେ ସମସ୍ତ ଲୋକ ଆପଣା ଆପଣା କର୍ଣ୍ଣରୁ ସ୍ୱର୍ଣ୍ଣକୁଣ୍ଡଳସବୁ କାଢ଼ି ହାରୋଣଙ୍କ ନିକଟକୁ ଆଣିଲେ।
\v 4 ସେ ସେମାନଙ୍କ ହସ୍ତରୁ ତାହା ନେଇ ଶିଳ୍ପାସ୍ତ୍ରରେ ଛାଞ୍ଚ ପ୍ରସ୍ତୁତ କରି ଏକ ଢଳା ବାଛୁରି ନିର୍ମାଣ କଲେ; ତହୁଁ ଲୋକମାନେ କହିଲେ, “ହେ ଇସ୍ରାଏଲ, ଯେଉଁ ଦେବତା ତୁମ୍ଭଙ୍କୁ ମିସର ଦେଶରୁ ବାହାର କରି ଆଣିଲେ, ସେ ଏହି।”
\s5
\v 5 ତହିଁରେ ହାରୋଣ ତାହା ଦେଖି ତାହାର ସମ୍ମୁଖରେ ଗୋଟିଏ ବେଦି ନିର୍ମାଣ କଲେ, ପୁଣି, ଆସନ୍ତାକାଲି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସବ ହେବ, ଏହା ଘୋଷଣା କରାଇଲେ।
\v 6 ଏଥିରେ ଲୋକମାନେ ପରଦିନ ପ୍ରଭାତରେ ଉଠି ହୋମବଳି ଉତ୍ସର୍ଗ କଲେ ଓ ମଙ୍ଗଳାର୍ଥକ ନୈବେଦ୍ୟ ଆଣିଲେ; ତହୁଁ ଲୋକମାନେ ଭୋଜନ ଓ ପାନ କରିବାକୁ ବସିଲେ; ଏଉତ୍ତାରେ ଲୀଳା କରିବାକୁ ଉଠିଲେ।
\s5
\v 7 ତେବେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଓହ୍ଲାଇ ଯାଅ, କାରଣ ତୁମ୍ଭର ଯେଉଁ ଲୋକମାନଙ୍କୁ ତୁମ୍ଭେ ମିସରରୁ ବାହାର କରି ଆଣିଲ, ସେମାନେ ଆପଣାମାନଙ୍କୁ ଭ୍ରଷ୍ଟ କରିଅଛନ୍ତି।”
\v 8 ଆମ୍ଭେ ସେମାନଙ୍କୁ ଯେଉଁ ପଥ ବିଷୟରେ ଆଜ୍ଞା ଦେଲୁ, ସେମାନେ ଶୀଘ୍ର ତହିଁରୁ ବିମୁଖ ହେଲେ; ସେମାନେ ଆପଣାମାନଙ୍କ ନିମନ୍ତେ ଏକ ଛାଞ୍ଚରେ ଢଳା ବାଛୁରି ନିର୍ମାଣ କରି ତାକୁ ପୂଜା କଲେ, ପୁଣି, ତାହା ନିକଟରେ ବଳିଦାନ କରି କହିଲେ, “ହେ ଇସ୍ରାଏଲ, ଯେଉଁ ଦେବତା ତୁମ୍ଭଙ୍କୁ ମିସର ଦେଶରୁ ବାହାର କରି ଆଣିଲେ, ସେ ଏହି।”
\s5
\v 9 ସଦାପ୍ରଭୁ ମୋଶାଙ୍କୁ ଆହୁରି କହିଲେ, “ଆମ୍ଭେ ଏହି ଲୋକମାନଙ୍କୁ ଦେଖିଅଛୁ; ଦେଖ, ସେମାନେ ଅତିଶୟ ଶକ୍ତଗ୍ରୀବ ଲୋକ।”
\v 10 ଏଣୁ ତୁମ୍ଭେ ଏବେ ଆମ୍ଭଙ୍କୁ ଛାଡ଼ି ଦିଅ, ମୋହର କ୍ରୋଧ ସେମାନଙ୍କ ପ୍ରତିକୂଳରେ ପ୍ରଜ୍ୱଳିତ ହେଉ, ତହିଁରେ ଆମ୍ଭେ ସେମାନଙ୍କୁ ସଂହାର କରିବା; ମାତ୍ର ଆମ୍ଭେ ତୁମ୍ଭକୁ ମହାଗୋଷ୍ଠୀ କରିବା।
\v 11 ତହିଁରେ ମୋଶା ଆପଣା ସଦାପ୍ରଭୁ ପରମେଶ୍ୱରଙ୍କୁ ନିବେଦନ କରି କହିଲେ, “ହେ ସଦାପ୍ରଭୁ, ତୁମ୍ଭେ ଆପଣାର ଯେଉଁ ଲୋକମାନଙ୍କୁ ଆପଣା ମହାପରାକ୍ରମ ଓ ବାହୁ ବଳରେ ମିସର ଦେଶରୁ ବାହାର ଆଣିଅଛ, ସେମାନଙ୍କ ପ୍ରତିକୂଳରେ ତୁମ୍ଭର କ୍ରୋଧ କାହିଁକି ପ୍ରଜ୍ୱଳିତ ହେବ ?
\s5
\v 12 ସେ ପର୍ବତମୟ ଅଞ୍ଚଳରେ ସେମାନଙ୍କୁ ନଷ୍ଟ କରି ପୃଥିବୀରୁ ଲୋପ କରିବା ପାଇଁ, ଅନିଷ୍ଟ ନିମନ୍ତେ ବାହାର କରି ଆଣିଲେ, ଏପରି କଥା ମିସ୍ରୀୟମାନେ କାହିଁକି ଗଳ୍ପ କରିବେ ? ତୁମ୍ଭେ ଆପଣା ପ୍ରଚଣ୍ଡ କ୍ରୋଧରୁ ଫେର ଓ ଆପଣା ଲୋକମାନଙ୍କ ପ୍ରତିକୂଳରେ ଏପରି ଅନିଷ୍ଟ ବିଷୟରୁ ନିବୃତ୍ତ ହୁଅ।
\v 13 ଆପଣା ଦାସ ଅବ୍ରହାମ ଓ ଇସ୍‍ହାକ ଓ ଇସ୍ରାଏଲଙ୍କୁ ସ୍ମରଣ କର, ତୁମ୍ଭେ ଆପଣା ନିଜ ନାମରେ ଶପଥ କରି ସେମାନଙ୍କୁ କହିଅଛ, ଆମ୍ଭେ ଆକାଶର ତାରାଗଣ ନ୍ୟାୟ ତୁମ୍ଭମାନଙ୍କ ବଂଶ ବୃଦ୍ଧି କରିବା ଓ ଏହି ଯେଉଁସବୁ ଦେଶର କଥା କହିଲୁ, ତାହା ତୁମ୍ଭମାନଙ୍କ ବଂଶକୁ ଦେବା, ସେମାନେ ଅନନ୍ତକାଳ ପର୍ଯ୍ୟନ୍ତ ତାହା ଅଧିକାର କରିବେ।”
\v 14 ତେବେ ସଦାପ୍ରଭୁ ଆପଣା ଲୋକମାନଙ୍କ ପ୍ରତି ଯେଉଁ ଅନିଷ୍ଟ କରିବାର କଥା କହିଥିଲେ, ତହିଁରୁ ନିବୃତ୍ତ ହେଲେ।
\s5
\v 15 ଏଥିଉତ୍ତାରେ ମୋଶା ମୁଖ ଫେରାଇ ସାକ୍ଷ୍ୟ ସ୍ୱରୂପ ଦୁଇ ପ୍ରସ୍ତର ପଟା ହସ୍ତରେ ଘେନି ପର୍ବତରୁ ଓହ୍ଲାଇଲେ; ସେହି ପ୍ରସ୍ତର ପଟାର ଉଭୟ ପାର୍ଶ୍ୱରେ ଲେଖାଥିଲା।
\v 16 ସେହି ପ୍ରସ୍ତର ପଟା ପରମେଶ୍ୱରଙ୍କ-ନିର୍ମିତ; ପୁଣି, ତହିଁରେ ଖୋଦିତ ଲିଖନ ହିଁ ପରମେଶ୍ୱରଙ୍କ ଲିଖନ ଥିଲା।
\s5
\v 17 ଏଥିଉତ୍ତାରେ ଲୋକମାନେ ଉଚ୍ଚ ରବ କରନ୍ତେ, ଯିହୋଶୂୟ ଲୋକମାନଙ୍କର କୋଳାହଳ ଶୁଣି ମୋଶାଙ୍କୁ କହିଲେ, “ଛାଉଣିରେ ଯୁଦ୍ଧ ଶବ୍ଦ ହେଉଅଛି।”
\v 18 ତହିଁରେ ସେ କହିଲେ, “ଏହା ଜୟଧ୍ୱନିର ଶବ୍ଦ ନୁହେଁ, କିଅବା ପରାଜୟ ସ୍ୱରର ଶବ୍ଦ ନୁହେଁ, ମାତ୍ର ମୁଁ ଗାୟନର ଶବ୍ଦ ଶୁଣୁଅଛି।”
\s5
\v 19 ଏଥିରେ ସେ ଛାଉଣିର ନିକଟବର୍ତ୍ତୀ ହେବା ମାତ୍ରେ ସେହି ବାଛୁରି ଓ ନୃତ୍ୟ ଦେଖିଲେ; ତହିଁରେ ମୋଶାଙ୍କର କ୍ରୋଧ ପ୍ରଜ୍ୱଳିତ ହେଲା; ଏଣୁ ସେ ଆପଣା ହସ୍ତରୁ ସେହି ଦୁଇ ପ୍ରସ୍ତର ପଟା ଫୋପାଡ଼ି ଦେଇ ପର୍ବତ ତଳେ ତାହା ଭାଙ୍ଗିଲେ।
\v 20 ପୁଣି, ସେମାନଙ୍କ ନିର୍ମିତ ବାଛୁରି ଘେନି ଅଗ୍ନିରେ ପୋଡ଼ିଲେ ଓ ତାହା ପେଷି ଧୂଳି କଲେ, ଆଉ ଜଳ ଉପରେ ବିଞ୍ଚି ଦେଇ ଇସ୍ରାଏଲ ସନ୍ତାନଗଣକୁ ପିଆଇଲେ।
\s5
\v 21 ତହୁଁ ମୋଶା ହାରୋଣଙ୍କୁ କହିଲେ, “ଏହି ଲୋକମାନେ ତୁମ୍ଭ ପ୍ରତି କ’ଣ କଲେ ଯେ, ତୁମ୍ଭେ ସେମାନଙ୍କ ଉପରେ ଏପରି ମହାପାପ ବର୍ତ୍ତାଇଅଛ ?”
\v 22 ତହିଁରେ ହାରୋଣ କହିଲେ, “ଆମ୍ଭ ପ୍ରଭୁଙ୍କର କ୍ରୋଧ ପ୍ରଜ୍ୱଳିତ ନ ହେଉ; ଆପଣ ଜାଣନ୍ତି ଯେ, ଏହି ଲୋକମାନେ ଦୁଷ୍ଟତାରେ ଆସକ୍ତ।”
\v 23 ଏମାନେ ମୋତେ କହିଲେ, “ଆମ୍ଭମାନଙ୍କର ଅଗ୍ରଗାମୀ ହେବା ପାଇଁ ଆମ୍ଭମାନଙ୍କ ନିମନ୍ତେ ଦେବତା ନିର୍ମାଣ କର; କାରଣ ଯେଉଁ ବ୍ୟକ୍ତି ଆମ୍ଭମାନଙ୍କୁ ମିସର ଦେଶରୁ ବାହାର କରି ଆଣିଲେ, ସେହି ମୋଶାଙ୍କର କଅଣ ହୋଇଅଛି, ତାହା ଆମ୍ଭେମାନେ ଜାଣୁନାହୁଁ।”
\v 24 ତେବେ ମୁଁ କହିଲି, “ତୁମ୍ଭମାନଙ୍କ ମଧ୍ୟରେ ଯାହାର ଯେ କୌଣସି ସୁନା ଅଛି, ତାହା ସେମାନେ କାଢ଼ି ଦିଅନ୍ତୁ; ତହିଁରେ ସେମାନେ ମୋତେ ତାହା ଦେଲେ; ମୁଁ ତାହା ନେଇ ଅଗ୍ନିରେ ପକାଇଲି, ତହୁଁ ଏହି ବାଛୁରି ବାହାରି ଆସିଲା।”
\s5
\v 25 ଆଉ ମୋଶା ଲୋକମାନଙ୍କୁ ସ୍ୱେଚ୍ଛାଚାରୀ ଦେଖିଲେ, କାରଣ ହାରୋଣ ସେମାନଙ୍କୁ ଶତ୍ରୁଗଣ ମଧ୍ୟରେ ହାସ୍ୟାସ୍ପଦ ହେବା ଭଳି ସ୍ୱେଚ୍ଛାଚାରୀ କରି ଛାଡ଼ିଥିଲେ।
\v 26 ଏଥିରେ ମୋଶା ଛାଉଣି ଦ୍ୱାରରେ ଠିଆ ହୋଇ କହିଲେ, “ସଦାପ୍ରଭୁଙ୍କ ପକ୍ଷରେ କିଏ ଅଛି ? ସେ ମୋ’ ନିକଟକୁ ଆସୁ,” ତହିଁରେ ଲେବୀର ସନ୍ତାନଗଣ ତାଙ୍କ ନିକଟରେ ଏକତ୍ର ହେଲେ।
\v 27 ତହୁଁ ସେ ସେମାନଙ୍କୁ କହିଲେ, “ଇସ୍ରାଏଲର ସଦାପ୍ରଭୁ ପରମେଶ୍ୱର ଏହି କଥା କହନ୍ତି, ତୁମ୍ଭେମାନେ ପ୍ରତ୍ୟେକ ଜଣ ଆପଣା ଆପଣା ଜଙ୍ଘରେ ଖଡ୍ଗ ବାନ୍ଧି ଛାଉଣିର ମଧ୍ୟଦେଇ ଏକ ଦ୍ୱାରରୁ ଅନ୍ୟ ଦ୍ୱାର ପର୍ଯ୍ୟନ୍ତ ଗତାୟାତ କର, ପ୍ରତି ଜଣ ଆପଣା ଆପଣା ଭାଇ, ମିତ୍ର ଓ ପ୍ରତିବାସୀକୁ ବଧ କର।”
\s5
\v 28 ତହିଁରେ ଲେବୀର ସନ୍ତାନମାନେ ମୋଶାଙ୍କର ବାକ୍ୟାନୁସାରେ ତଦ୍ରୂପ କରନ୍ତେ, ସେହି ଦିନ ଲୋକମାନଙ୍କ ମଧ୍ୟରୁ ଊଣାଧିକ ତିନି ହଜାର ଲୋକ ମଲେ।
\v 29 ଆଉ ମୋଶା କହିଥିଲେ, “ତୁମ୍ଭେମାନେ ପ୍ରତ୍ୟେକ ଜଣ ଆପଣା ଆପଣା ପୁତ୍ର ଓ ଭାଇମାନଙ୍କର ବିପକ୍ଷ ହୋଇ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆପଣାମାନଙ୍କୁ ନିଯୁକ୍ତ କର, ତହିଁରେ ସେ ଏହି ଦିନରେ ତୁମ୍ଭମାନଙ୍କୁ ଆଶୀର୍ବାଦ କରିବେ।”
\s5
\v 30 ତହିଁ ପର ଦିନ ମୋଶା ଲୋକମାନଙ୍କୁ କହିଲେ, “ତୁମ୍ଭେମାନେ ମହାପାପ କରିଅଛ, ଏବେ ମୁଁ ସଦାପ୍ରଭୁଙ୍କ ନିକଟକୁ ଆରୋହଣ କରୁଅଛି; ଯଦି ହୋଇପାରେ, ତେବେ ମୁଁ ତୁମ୍ଭମାନଙ୍କ ପାପର ପ୍ରାୟଶ୍ଚିତ୍ତ କରିବି।”
\v 31 ଏଥିଉତ୍ତାରେ ମୋଶା ସଦାପ୍ରଭୁଙ୍କ ନିକଟକୁ ଫେରି ଯାଇ କହିଲେ, “ହାୟ, ହାୟ, ଏହି ଲୋକମାନେ ମହାପାପ କରି ଆପଣାମାନଙ୍କ ନିମନ୍ତେ ସ୍ୱର୍ଣ୍ଣ ଦେବତା ନିର୍ମାଣ କରିଅଛନ୍ତି।
\v 32 ତଥାପି ଏବେ, ତୁମ୍ଭେ ଯଦି ସେମାନଙ୍କର ପାପ କ୍ଷମା କରିବ; କିନ୍ତୁ ଯଦି ନ କରିବ, ତେବେ ମୁଁ ବିନୟ କରୁଅଛି, ତୁମ୍ଭର ଲିଖିତ ପୁସ୍ତକରୁ ମୋହର ନାମ କାଟି ପକାଅ।”
\s5
\v 33 ତହିଁରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ଯେଉଁ ଲୋକ ଆମ୍ଭ ବିରୁଦ୍ଧରେ ପାପ କରିଅଛି, ଆମ୍ଭେ ଆପଣା ପୁସ୍ତକରୁ ତାହାର ନାମ କାଟି ପକାଇବା।
\v 34 ଏବେ ଯାଅ, ଆମ୍ଭେ ଯେଉଁ ଦେଶ ବିଷୟରେ ତୁମ୍ଭକୁ କହିଅଛୁ, ସେହି ଦେଶକୁ ଲୋକମାନଙ୍କୁ ନେଇ ଯାଅ; ଦେଖ, ଆମ୍ଭ ଦୂତ ତୁମ୍ଭ ଆଗେ ଆଗେ ଗମନ କରିବେ; ମାତ୍ର ଆମ୍ଭେ ପ୍ରତିଫଳ ଦେବା ଦିନରେ ସେମାନଙ୍କ ପାପର ପ୍ରତିଫଳ ସେମାନଙ୍କୁ ଦେବା।”
\v 35 ପୁଣି, ସଦାପ୍ରଭୁ ଲୋକମାନଙ୍କୁ ଆଘାତ କଲେ, ଯେହେତୁ ହାରୋଣ-ନିର୍ମିତ ବାଛୁରି ସେମାନେ ନିର୍ମାଣ କରିଥିଲେ।
\s5
\c 33
\s ସୀନୟ ପରିତ୍ୟାଗ କରିବାର ଆଦେଶ
\p
\v 1 ଏହା ପରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ଆମ୍ଭେ ଅବ୍ରହାମ ଓ ଇସ୍‍ହାକ ଓ ଯାକୁବ ନିକଟରେ ଶପଥ କରି ଯେଉଁ ଦେଶ ବିଷୟରେ କହିଥିଲୁ, ତୁମ୍ଭ ବଂଶକୁ ଏହି ଦେଶ ଦେବା, ସେହି ଦେଶକୁ ଯିବା ପାଇଁ ତୁମ୍ଭେ ଓ ମିସରରୁ ଆନୀତ ଲୋକମାନେ ଏସ୍ଥାନରୁ ପ୍ରସ୍ଥାନ କର;
\v 2 ଆମ୍ଭେ ତୁମ୍ଭ ଆଗେ ଆଗେ ଏକ ଦୂତ ପଠାଇବା; ପୁଣି, ଆମ୍ଭେ କିଣାନୀୟ, ଇମୋରୀୟ, ହିତ୍ତୀୟ, ପରିଷୀୟ, ହିବ୍ବୀୟ ଓ ଯିବୂଷୀୟ ଲୋକମାନଙ୍କୁ ତଡ଼ି ଦେବା।
\v 3 ଏନିମନ୍ତେ ସେହି ଦୁଗ୍ଧ ଓ ମଧୁ ପ୍ରବାହୀ ଦେଶକୁ ଯାଅ; ମାତ୍ର ଆମ୍ଭେ ତୁମ୍ଭର ମଧ୍ୟବର୍ତ୍ତୀ ହୋଇ ଯିବା ନାହିଁ; ଗଲେ ଆମ୍ଭେ ପଥ ମଧ୍ୟରେ ତୁମ୍ଭଙ୍କୁ ସଂହାର କରିବା, କାରଣ ତୁମ୍ଭେ ଶକ୍ତଗ୍ରୀବ ଲୋକ।”
\s5
\v 4 ଲୋକମାନେ ଏହି ଅଶୁଭ ସମ୍ବାଦ ଶୁଣି ଶୋକ କଲେ; କେହି ଆପଣା ଶରୀରରେ ଆଭରଣ ପରିଧାନ କଲେ ନାହିଁ।
\v 5 କାରଣ ସଦାପ୍ରଭୁ ମୋଶାଙ୍କୁ କହିଥିଲେ, “ତୁମ୍ଭେ ଇସ୍ରାଏଲ-ସନ୍ତାନଗଣଙ୍କୁ ଏହି କଥା କୁହ, ତୁମ୍ଭେମାନେ ଶକ୍ତଗ୍ରୀବ ଲୋକ; ଯଦି ଆମ୍ଭେ ଏକ ନିମିଷ ତୁମ୍ଭ ମଧ୍ୟକୁ ଯିବା, ତେବେ ତୁମ୍ଭଙ୍କୁ ସଂହାର କରିବା; ତୁମ୍ଭେ ଏବେ ଆପଣା ଶରୀରରୁ ଆଭରଣ ଦୂର କର, ତହିଁରେ ତୁମ୍ଭ ପ୍ରତି କି କର୍ତ୍ତବ୍ୟ ତାହା ଜାଣିବା।”
\v 6 ଏଥିରେ ଇସ୍ରାଏଲ ସନ୍ତାନଗଣ ହୋରେବ ପର୍ବତ ନିକଟରୁ ଅଗ୍ରସର ହୋଇ ଯାଉ ଯାଉ ଆପଣା ଆପଣା ସମସ୍ତ ଆଭରଣ ଦୂର କଲେ।
\s ସମାଗମ-ତମ୍ବୁ
\p
\s5
\v 7 ଏସମୟରେ ଏପରି ଥିଲା ଯେ, ମୋଶା ଆପଣା ତମ୍ବୁ ନେଇ ଛାଉଣିର ବାହାରେ ଓ ଛାଉଣିଠାରୁ ଦୂରରେ ସ୍ଥାପନ କଲେ ଓ ତାହାର ନାମ ସମାଗମ-ତମ୍ବୁ ଦେଲେ। ସଦାପ୍ରଭୁଙ୍କ ଅନ୍ୱେଷଣକାରୀ ପ୍ରତ୍ୟେକ ଲୋକ ଛାଉଣିର ବାହାରସ୍ଥିତ ସେହି ସମାଗମ-ତମ୍ବୁ ନିକଟକୁ ଯା’ନ୍ତି।
\v 8 ପୁଣି, ଏପରି ଘଟିଲା ଯେ, ମୋଶା ବାହାର ହୋଇ ସେହି ତମ୍ବୁ ନିକଟକୁ ଯିବା ସମୟରେ ସମସ୍ତ ଲୋକ ଉଠି ଆପଣା ଆପଣା ତମ୍ବୁ ଦ୍ୱାରରେ ଠିଆ ହେଲେ, ଆଉ ଯେପର୍ଯ୍ୟନ୍ତ ମୋଶା ସେହି ତମ୍ବୁରେ ପ୍ରବେଶ କଲେ ନାହିଁ, ସେପର୍ଯ୍ୟନ୍ତ ସେମାନେ ତାଙ୍କର ପଶ୍ଚାତ୍‍ ଅନାଇ ରହିଲେ।
\v 9 ଏଉତ୍ତାରେ ମୋଶା ତମ୍ବୁରେ ପ୍ରବେଶ କରନ୍ତେ, ମେଘ ସ୍ତମ୍ଭ ଓହ୍ଲାଇ ତମ୍ବୁ ଦ୍ୱାରରେ ଅବସ୍ଥିତ ହେଲା; ତହିଁରେ ସଦାପ୍ରଭୁ ମୋଶାଙ୍କ ସହିତ ଆଳାପ କଲେ।
\s5
\v 10 ତମ୍ବୁ ଦ୍ୱାରରେ ଅବସ୍ଥିତ ମେଘ ସ୍ତମ୍ଭ ଦେଖନ୍ତେ, ସମସ୍ତ ଲୋକ ଉଠି ପ୍ରତ୍ୟେକେ ଆପଣା ଆପଣା ତମ୍ବୁ ଦ୍ୱାରରେ ଥାଇ ପ୍ରଣାମ କଲେ।
\v 11 ମନୁଷ୍ୟ ଯେପରି ମିତ୍ର ସହିତ ଆଳାପ କରେ, ସେପରି ସଦାପ୍ରଭୁ ମୁଖାମୁଖି ହୋଇ ମୋଶାଙ୍କ ସହିତ ଆଳାପ କଲେ; ଏଉତ୍ତାରେ ମୋଶା ଛାଉଣିକୁ ବାହୁଡ଼ି ଆସିଲେ, ମାତ୍ର ନୂନର ପୁତ୍ର ଯିହୋଶୂୟ ନାମକ ତାଙ୍କର ଯୁବା ପରିଚାରକ ତମ୍ବୁ ମଧ୍ୟରୁ ପ୍ରସ୍ଥାନ କଲେ ନାହିଁ।
\s ମୋଶାଙ୍କ ବିନତି
\p
\s5
\v 12 ଏଥିଉତ୍ତାରେ ମୋଶା ସଦାପ୍ରଭୁଙ୍କୁ କହିଲେ, “ଦେଖ, ତୁମ୍ଭେ ଏହି ଲୋକମାନଙ୍କୁ ଘେନିଯିବା ନିମନ୍ତେ ମୋତେ କହୁଅଛ; ମାତ୍ର ତୁମ୍ଭେ ମୋ’ ସଙ୍ଗରେ କାହାକୁ ପଠାଇବ, ଏହା ତୁମ୍ଭେ ମୋତେ ଜଣାଇ ନାହଁ। ତଥାପି ତୁମ୍ଭେ କହିଅଛ, ଆମ୍ଭେ ନାମ ଦ୍ୱାରା ତୁମ୍ଭକୁ ଜାଣୁ ଓ ତୁମ୍ଭେ ଆମ୍ଭ ଦୃଷ୍ଟିରେ ଅନୁଗ୍ରହ ପାତ୍ର ହୋଇଅଛ।”
\v 13 ଉତ୍ତମ, ମୁଁ ଯଦି ତୁମ୍ଭ ଦୃଷ୍ଟିରେ ଅନୁଗ୍ରହ ପାତ୍ର ହୋଇଅଛି, ତେବେ ବିନୟ କରୁଅଛି, ମୁଁ ତୁମ୍ଭ ଦୃଷ୍ଟିରେ ଅନୁଗ୍ରହ ପାଇବା ପାଇଁ ଯେପରି ତୁମ୍ଭଙ୍କୁ ଜାଣି ପାରିବି, ଏଥିପାଇଁ ଏବେ ତୁମ୍ଭେ ମୋତେ ଆପଣା ମାର୍ଗ ଜଣାଅ; ପୁଣି, ଏହି ଗୋଷ୍ଠୀ ଯେ ତୁମ୍ଭର ଲୋକ, ଏହା ବିବେଚନା କର।”
\s5
\v 14 ସେତେବେଳେ ସେ କହିଲେ, “ମୋହର ଉପସ୍ଥିତି ତୁମ୍ଭ ସହିତ ଗମନ କରିବ, ପୁଣି, ଆମ୍ଭେ ତୁମ୍ଭକୁ ବିଶ୍ରାମ ଦେବା।”
\v 15 ତହିଁରେ ସେ ତାହାଙ୍କୁ କହିଲେ, “ଯଦି ତୁମ୍ଭର ଉପସ୍ଥିତି ଆମ୍ଭମାନଙ୍କ ସହିତ ଗମନ ନ କରନ୍ତି, ତେବେ ଏସ୍ଥାନରୁ ଆମ୍ଭମାନଙ୍କୁ ନେଇ ଯାଅ ନାହିଁ।”
\v 16 କାରଣ ମୁଁ ଓ ତୁମ୍ଭର ଏହି ଲୋକମାନେ ଯେ ତୁମ୍ଭ ଦୃଷ୍ଟିରେ ଅନୁଗ୍ରହ ପାଇଅଛୁ, ଏହା ଏବେ କିପରି ଜଣାଯିବ ? ଯେପରି ମୁଁ ଓ ତୁମ୍ଭର ଲୋକମାନେ ପୃଥିବୀସ୍ଥ ସମସ୍ତ ଲୋକଠାରୁ ବିଶେଷ ଲୋକ ହେବା, ଆମ୍ଭମାନଙ୍କ ସହିତ ତୁମ୍ଭର ଗମନ ଦ୍ୱାରା କି ଏହା ଜଣାଯାଏ ନାହିଁ।
\s5
\v 17 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ଏହି ଯେଉଁ କଥା ତୁମ୍ଭେ କହିଅଛ, ତାହା ହିଁ ଆମ୍ଭେ କରିବା, କାରଣ ତୁମ୍ଭେ ମୋ’ ଦୃଷ୍ଟିରେ ଅନୁଗ୍ରହ ପାଇଅଛ, ପୁଣି, ଆମ୍ଭେ ତୁମ୍ଭକୁ ନାମ ଦ୍ୱାରା ଜାଣିଅଛୁ।”
\v 18 ପୁଣି, ସେ କହିଲେ, “ବିନୟ କରୁଅଛି, ତୁମ୍ଭେ ମୋତେ ଆପଣା ମହିମା ଦେଖାଅ।”
\s5
\v 19 ସେ ଉତ୍ତର କଲେ, “ଆମ୍ଭେ ତୁମ୍ଭ ସମ୍ମୁଖ ଦେଇ ଆପଣାର ସମସ୍ତ ଉତ୍ତମତା
\f +
\fr 33:19
\ft ଅର୍ଥାତ୍ ମହିମା
\f* ଗମନ କରାଇବା, ତୁମ୍ଭ ସମ୍ମୁଖରେ ସଦାପ୍ରଭୁଙ୍କର ନାମ ଘୋଷଣା କରିବା; ଆମ୍ଭେ ଯାହାକୁ ଅନୁଗ୍ରହ କରୁ, ତାହାକୁ ଅନୁଗ୍ରହ କରିବା ଓ ଯାହାକୁ ଦୟା କରୁ, ତାହାକୁ ଦୟା କରିବା।”
\v 20 ସେ ଆହୁରି କହିଲେ, “ତୁମ୍ଭେ ଆମ୍ଭର ମୁଖ ଦେଖି ପାରିବ ନାହିଁ; କାରଣ ମନୁଷ୍ୟ ଆମ୍ଭଙ୍କୁ ଦେଖି ବଞ୍ଚିବ ନାହିଁ।”
\s5
\v 21 ସଦାପ୍ରଭୁ କହିଲେ, “ଦେଖ, ଆମ୍ଭ ନିକଟରେ ଏକ ସ୍ଥାନ ଅଛି, ତୁମ୍ଭେ ସେହି ଶୈଳ ଉପରେ ଠିଆ ହେବ;
\v 22 ତହିଁରେ ତୁମ୍ଭ ନିକଟ ଦେଇ ଆମ୍ଭ ମହିମାର ଗମନ ସମୟରେ ଆମ୍ଭେ ତୁମ୍ଭକୁ ଶୈଳର ସେହି ଛିଦ୍ରରେ ରଖିବା ଓ ଆମ୍ଭ ଗମନର ଶେଷ ପର୍ଯ୍ୟନ୍ତ ଆପଣା ହସ୍ତରେ ତୁମ୍ଭକୁ ଆଚ୍ଛନ୍ନ କରିବା।
\v 23 ଏଥିଉତ୍ତାରେ ଆମ୍ଭେ ଆପଣା ହସ୍ତ କାଢ଼ି ନେଲେ ତୁମ୍ଭେ ଆମ୍ଭର ପୃଷ୍ଠ ଦେଖିବ, ମାତ୍ର ଆମ୍ଭର ମୁଖ ଦେଖାଯିବ ନାହିଁ।”
\s5
\c 34
\s ଆଉ ଦୁଇଟି ପ୍ରସ୍ତର ଫଳକ
\p
\v 1 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ପୂର୍ବପରି ଦୁଇ ପ୍ରସ୍ତର ପଟା ଖୋଳ। ତୁମ୍ଭେ ଯେଉଁ ପ୍ରସ୍ତର ପଟା ଭାଙ୍ଗିଅଛ, ତହିଁ ଉପରେ ଯାହା ଯାହା ଲେଖା ଥିଲା, ସେହିସବୁ କଥା ଆମ୍ଭେ ଏହି ଦୁଇ ପ୍ରସ୍ତରରେ ଲେଖିବା।
\v 2 ଆଉ ତୁମ୍ଭେ ପ୍ରାତଃକାଳରେ ପ୍ରସ୍ତୁତ ହୁଅ ଓ ପ୍ରାତଃକାଳରେ ସୀନୟ ପର୍ବତ ଆରୋହଣ କରି ସେଠାରେ ପର୍ବତ ଶୃଙ୍ଗରେ ଆମ୍ଭ ନିକଟରେ ଉପସ୍ଥିତ ହୁଅ।
\s5
\v 3 ମାତ୍ର ତୁମ୍ଭ ସଙ୍ଗେ ଆଉ କେହି ଉପରକୁ ଆସିବେ ନାହିଁ, ପୁଣି, ଏହି ସମୁଦାୟ ପର୍ବତରେ କେହି ଦେଖା ନ ଯିବେ ଓ ଗୋମେଷାଦି ପଲ ମଧ୍ୟ ଏହି ପର୍ବତ ସମ୍ମୁଖରେ ଚରିବେ ନାହିଁ।”
\v 4 ତହୁଁ ମୋଶା ପ୍ରଥମ ପ୍ରସ୍ତର ପରି ଦୁଇ ପ୍ରସ୍ତର ପଟା ଖୋଳିଲେ; ପୁଣି, ସେ ସଦାପ୍ରଭୁଙ୍କ ଆଜ୍ଞାନୁସାରେ ପ୍ରଭାତରେ ଉଠି ସୀନୟ ପର୍ବତ ଉପରକୁ ଗଲେ ଓ ସେହି ଦୁଇ ପ୍ରସ୍ତର ପଟା ହସ୍ତରେ ନେଲେ।
\s5
\v 5 ତେବେ ସଦାପ୍ରଭୁ ମେଘରେ ଅବରୋହଣ କରି ସେ ସ୍ଥାନରେ ତାଙ୍କ ସହିତ ଠିଆ ହୋଇ ସଦାପ୍ରଭୁଙ୍କ ନାମ ଘୋଷଣା କଲେ।
\v 6 ଆଉ ସଦାପ୍ରଭୁ ତାଙ୍କ ସମ୍ମୁଖ ଦେଇ ଗମନ କରି ଏହା ଘୋଷଣା କଲେ, “ସଦାପ୍ରଭୁ, ସଦାପ୍ରଭୁ ପରମେଶ୍ୱର ସ୍ନେହଶୀଳ ଓ କୃପାମୟ, କ୍ରୋଧରେ ଧୀର, ଦୟା ଓ ସତ୍ୟତାରେ ପରିପୂର୍ଣ୍ଣ;
\v 7 ସହସ୍ର ସହସ୍ର ପୁରୁଷ ପର୍ଯ୍ୟନ୍ତ ଦୟାରକ୍ଷାକାରୀ, ଅପରାଧ ଓ ଆଜ୍ଞା-ଲଙ୍ଘନ ଓ ପାପ କ୍ଷମାକାରୀ, ତଥାପି ନିତାନ୍ତ ତହିଁର ଦଣ୍ଡଦାତା, ତୃତୀୟ ଓ ଚତୁର୍ଥ ପୁରୁଷ ପର୍ଯ୍ୟନ୍ତ ପୁତ୍ରପୌତ୍ରାଦି ଉପରେ ପିତୃଗଣର ଅପରାଧର ପ୍ରତିଫଳଦାତା।”
\s5
\v 8 ତହୁଁ ମୋଶା ଶୀଘ୍ର ଭୂମିରେ ନତ ମସ୍ତକ ହୋଇ ପ୍ରଣାମ କରି କହିଲେ,
\v 9 “ପ୍ରଭୁ, ମୁଁ ଯଦି ତୁମ୍ଭ ଦୃଷ୍ଟିରେ ଅନୁଗ୍ରହ ପାଇଅଛି, ତେବେ ବିନୟ କରୁଅଛି, ପ୍ରଭୁ ଆମ୍ଭମାନଙ୍କ ମଧ୍ୟବର୍ତ୍ତୀ ହୋଇ ଗମନ କରନ୍ତୁ; କାରଣ ଏମାନେ ଶକ୍ତଗ୍ରୀବ ଲୋକ, ଆଉ ଆମ୍ଭମାନଙ୍କ ଅପରାଧ ଓ ପାପ ମୋଚନ କରି ଆପଣା ଅଧିକାରାର୍ଥେ ଆମ୍ଭମାନଙ୍କୁ ଗ୍ରହଣ କରନ୍ତୁ।”
\s ନିୟମର ନବୀକରଣ
\p
\s5
\v 10 ତେବେ ସେ କହିଲେ, “ଦେଖ, ମୁଁ ଗୋଟିଏ ନିୟମ କରିବି; ସମସ୍ତ ପୃଥିବୀରେ ଅବା କୌଣସି ଗୋଷ୍ଠୀ ମଧ୍ୟରେ ଯାହା କେବେ କରାଯାଇ ନାହିଁ, ଏପରି ଆଶ୍ଚର୍ଯ୍ୟ କର୍ମ ଆମ୍ଭେ ତୁମ୍ଭର ସମସ୍ତ ଲୋକଙ୍କ ସାକ୍ଷାତରେ କରିବା; ତହିଁରେ ଯେଉଁସବୁ ଲୋକଙ୍କ ମଧ୍ୟରେ ତୁମ୍ଭେ ଅଛ, ସେମାନେ ସଦାପ୍ରଭୁଙ୍କର ସେହି କର୍ମ ଦେଖିବେ, କାରଣ ଆମ୍ଭେ ତୁମ୍ଭ ନିକଟରେ ଯାହା କରିବା, ତାହା ଭୟଙ୍କର ଅଟେ।
\v 11 ଆଜି ଆମ୍ଭେ ତୁମ୍ଭକୁ ଯାହା ଆଜ୍ଞା କରୁ, ତହିଁରେ ମନୋଯୋଗ କର; ଦେଖ, ଆମ୍ଭେ ଇମୋରୀୟ, କିଣାନୀୟ, ହିତ୍ତୀୟ, ପରିଷୀୟ, ହିବ୍ବୀୟ ଓ ଯିବୂଷୀୟ ଲୋକମାନଙ୍କୁ ତୁମ୍ଭ ଆଗରୁ ତଡ଼ି ଦେବା।
\s5
\v 12 ତୁମ୍ଭେ ଆପଣା ବିଷୟରେ ସାବଧାନ ହୁଅ, ଯେଉଁ ଦେଶକୁ ତୁମ୍ଭେ ଯାଉଅଛ, ସେହି ଦେଶର ନିବାସୀମାନଙ୍କ ସହିତ ନିୟମ କର ନାହିଁ; କାଳେ ତାହା ତୁମ୍ଭମାନଙ୍କ ମଧ୍ୟରେ ଗୋଟିଏ ଫାନ୍ଦ ସ୍ୱରୂପ ହେବ।
\v 13 ମାତ୍ର ତୁମ୍ଭେମାନେ ସେମାନଙ୍କ ବେଦିସବୁ ଭଗ୍ନ କରିବ ଓ ସେମାନଙ୍କ ସ୍ତମ୍ଭ ସବୁ ଭାଙ୍ଗି ପକାଇବ ଓ ଆଶେରାର ମୂର୍ତ୍ତି କାଟି ପକାଇବ।
\v 14 ଯେହେତୁ ତୁମ୍ଭେ ଅନ୍ୟ କୌଣସି ଦେବତାକୁ ପ୍ରଣାମ କରିବ ନାହିଁ, କାରଣ ସଦାପ୍ରଭୁଙ୍କ ନାମ (ସ୍ୱଗୌରବ ରକ୍ଷଣରେ) ଉଦ୍‍ଯୋଗୀ, ସେ (ସ୍ୱଗୌରବ ରକ୍ଷଣରେ) ଉଦ୍‍ଯୋଗୀ ପରମେଶ୍ୱର ଅଟନ୍ତି।
\s5
\v 15 କେଜାଣି ଅବା ତୁମ୍ଭେ ସେହି ଦେଶ ନିବାସୀ ଲୋକମାନଙ୍କ ସହିତ ନିୟମ କରିବ; କଲେ ଯେଉଁ ସମୟରେ ସେମାନେ ନିଜେ ଦେବଗଣର ଅନୁଗାମୀ ହୋଇ ବ୍ୟଭିଚାର କରନ୍ତି ଓ ନିଜ ଦେବଗଣ ନିକଟରେ ବଳିଦାନ କରନ୍ତି, ସେ ସମୟରେ କେହି ତୁମ୍ଭକୁ ଡାକିଲେ, ତୁମ୍ଭେ ତାହାର ବଳିଦ୍ରବ୍ୟ ଖାଇବ;
\v 16 କିଅବା ତୁମ୍ଭେ ଆପଣା ପୁତ୍ରମାନଙ୍କ ନିମନ୍ତେ ସେମାନଙ୍କ କନ୍ୟାଗଣକୁ ଗ୍ରହଣ କଲେ, ସେମାନଙ୍କ କନ୍ୟାଗଣ ନିଜ ଦେବଗଣର ଅନୁଗାମିନୀ ହୋଇ ତୁମ୍ଭ ପୁତ୍ରଗଣକୁ ଆପଣାମାନଙ୍କ ଦେବଗଣର ଅନୁଗାମୀ କରି ବ୍ୟଭିଚାର କରାଇବେ।
\v 17 ତୁମ୍ଭେ ଆପଣା ନିମନ୍ତେ ଛାଞ୍ଚରେ ଢଳା କୌଣସି ଦେବତା କର ନାହିଁ।
\s5
\v 18 ତୁମ୍ଭେ ତାଡ଼ିଶୂନ୍ୟ ରୁଟିର ଉତ୍ସବ ପାଳନ କରିବ, ପୁଣି, ଆବୀବ୍‍ ମାସର ଯେଉଁ ସମୟରେ ଯେରୂପ କରିବାକୁ ତୁମ୍ଭକୁ ଆଜ୍ଞା ଦେଇଅଛୁ, ସେହିରୂପେ ତୁମ୍ଭେ ସାତ ଦିନ ତାଡ଼ିଶୂନ୍ୟ ରୁଟି ଖାଇବ; କାରଣ ସେହି ଆବୀବ୍‍ ମାସରେ ତୁମ୍ଭେ ମିସର ଦେଶରୁ ବାହାର ହୋଇ ଆସିଥିଲ।
\s5
\v 19 ଆଉ ସମସ୍ତ ପ୍ରଥମଜାତ ଗର୍ଭଫଳ ଓ ଗୋମେଷାଦି ପଲ ମଧ୍ୟରୁ ପ୍ରଥମଜାତ ପୁଂପଶୁ ସକଳ ଆମ୍ଭର।
\v 20 ମାତ୍ର ପ୍ରଥମଜାତ ଗର୍ଦ୍ଦଭ ପରିବର୍ତ୍ତରେ ତୁମ୍ଭେ ମେଷଶାବକ ଦେଇ ତାକୁ ମୁକ୍ତ କରିବ; ଯଦି ମୁକ୍ତ ନ କରିବ, ତେବେ ତା’ର ବେକ ଭାଙ୍ଗିବ। ତୁମ୍ଭର ପ୍ରଥମଜାତ ପୁତ୍ର ସକଳକୁ ତୁମ୍ଭେ ମୁକ୍ତ କରିବ। ଆଉ, କେହି ଶୂନ୍ୟ ହସ୍ତରେ ଆମ୍ଭ ସମ୍ମୁଖରେ ଉପସ୍ଥିତ ହେବ ନାହିଁ।
\s5
\v 21 ତୁମ୍ଭେ ଛଅ ଦିନ କର୍ମ କରିବ, ମାତ୍ର ସପ୍ତମ ଦିନରେ ବିଶ୍ରାମ କରିବ; କୃଷି ଓ ଶସ୍ୟ ଚ୍ଛେଦନ ସମୟରେ ମଧ୍ୟ ବିଶ୍ରାମ କରିବ।
\v 22 ତୁମ୍ଭେ ସପ୍ତାହର ଉତ୍ସବ, ଅର୍ଥାତ୍‍, କଟା ଗହମର ପ୍ରଥମ ଫଳର ଉତ୍ସବ ଓ ବର୍ଷର ଶେଷ ଭାଗରେ ଫଳ ସଂଗ୍ରହର ଉତ୍ସବ କରିବ।
\s5
\v 23 ତୁମ୍ଭମାନଙ୍କର ସମସ୍ତ ପୁରୁଷ ବର୍ଷ ମଧ୍ୟରେ ତିନି ଥର ଇସ୍ରାଏଲର ପ୍ରଭୁ ସଦାପ୍ରଭୁ ପରମେଶ୍ୱରଙ୍କ ଛାମୁରେ ଉପସ୍ଥିତ ହେବେ।
\v 24 କାରଣ ଆମ୍ଭେ ତୁମ୍ଭ ସମ୍ମୁଖରୁ ଅନ୍ୟ ଦେଶୀୟ ଲୋକମାନଙ୍କୁ ଦୂର କରିବା ଓ ତୁମ୍ଭର ସୀମା ବିସ୍ତାର କରିବା, ପୁଣି, ତୁମ୍ଭେ ବର୍ଷ ମଧ୍ୟରେ ତିନି ଥର ସଦାପ୍ରଭୁ ପରମେଶ୍ୱରଙ୍କ ଛାମୁରେ ଉପସ୍ଥିତ ହେବା ନିମନ୍ତେ ଗମନ କଲେ, ତୁମ୍ଭ ଭୂମି ପ୍ରତି କେହି ଲୋଭ କରିବ ନାହିଁ।
\s5
\v 25 ତୁମ୍ଭେ ଆମ୍ଭ ବଳିର ରକ୍ତ ତାଡ଼ିଯୁକ୍ତ ଦ୍ରବ୍ୟ ସହିତ ଉତ୍ସର୍ଗ କରିବ ନାହିଁ ଓ ନିସ୍ତାରପର୍ବୀୟ ଉତ୍ସବର ବଳିଦ୍ରବ୍ୟ ପ୍ରାତଃକାଳ ପର୍ଯ୍ୟନ୍ତ ରଖିବ ନାହିଁ।
\v 26 ତୁମ୍ଭେ ଆପଣା ଭୂମିର ପ୍ରଥମଜାତ ଫଳର ଅଗ୍ରିମାଂଶ ଆପଣା ସଦାପ୍ରଭୁ ପରମେଶ୍ୱରଙ୍କ ଗୃହକୁ ଆଣିବ। ପୁଣି, ତୁମ୍ଭେ ଛାଗର ଶାବକକୁ ତାହାର ମାତାର ଦୁଗ୍ଧରେ ପାକ କରିବ ନାହିଁ।
\s5
\v 27 ଆଉ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଏହିସବୁ ବାକ୍ୟ ଲେଖ, କାରଣ ଆମ୍ଭେ ଏହି ବାକ୍ୟାନୁସାରେ ତୁମ୍ଭ ସହିତ ଓ ଇସ୍ରାଏଲ ସହିତ ନିୟମ ସ୍ଥିର କରିଅଛୁ।”
\v 28 ସେହି ସମୟରେ ମୋଶା ସଦାପ୍ରଭୁଙ୍କ ସହିତ ସେହି ସ୍ଥାନରେ ଚାଳିଶ ଦିବାରାତ୍ର ଅବସ୍ଥାନ କଲେ; ସେ ଅନ୍ନ ଭୋଜନ କି ଜଳ ପାନ କଲେ ନାହିଁ। ସେ ସେହି ଦୁଇ ପ୍ରସ୍ତରରେ ନିୟମବାକ୍ୟ, ଅର୍ଥାତ୍‍, ଦଶ ଆଜ୍ଞା ଲେଖିଲେ।
\s ମୋଶାଙ୍କ ଉଜ୍ଜଳ ମୁଖ
\p
\s5
\v 29 ଏଥିଉତ୍ତାରେ ମୋଶା ସୀନୟ ପର୍ବତରୁ ଓହ୍ଲାଇବା ସମୟରେ ସାକ୍ଷ୍ୟରୂପ ଦୁଇ ଖଣ୍ଡ ପ୍ରସ୍ତର ହସ୍ତରେ ଘେନି ପର୍ବତରୁ ଓହ୍ଲାଇଲେ, ମାତ୍ର ସଦାପ୍ରଭୁଙ୍କ ସହିତ ଆଳାପ କରିବା ସକାଶୁ ଆପଣା ମୁଖର ଚର୍ମ ଯେ ଉଜ୍ଜ୍ୱଳ ହୋଇଥିଲା, ତାହା ମୋଶା ଜାଣି ନ ଥିଲେ।
\v 30 ପୁଣି, ଯେତେବେଳେ ହାରୋଣ ଓ ଇସ୍ରାଏଲ ସନ୍ତାନଗଣ ମୋଶାଙ୍କୁ ଦେଖିଲେ, ସେତେବେଳେ ତାଙ୍କର ମୁଖର ଚର୍ମ ଉଜ୍ଜ୍ୱଳ ଥିଲା; ଏଣୁ ସେମାନେ ତାଙ୍କ ନିକଟକୁ ଯିବା ପାଇଁ ଭୀତ ହେଲେ।
\v 31 ମାତ୍ର ମୋଶା ସେମାନଙ୍କୁ ଡାକନ୍ତେ, ହାରୋଣ ଓ ମଣ୍ଡଳୀର ଅଧ୍ୟକ୍ଷଗଣ ତାଙ୍କ ନିକଟକୁ ଫେରିଗଲେ; ତହିଁରେ ମୋଶା ସେମାନଙ୍କ ସହିତ ଆଳାପ କଲେ।
\s5
\v 32 ତହିଁ ଉତ୍ତାରେ ଇସ୍ରାଏଲ ସନ୍ତାନଗଣ ତାଙ୍କ ନିକଟକୁ ଗଲେ; ତହିଁରେ ସଦାପ୍ରଭୁ ସୀନୟ ପର୍ବତରେ ତାଙ୍କୁ ଯେଉଁ ଯେଉଁ କଥା କହିଥିଲେ, ତାହାସବୁ ସେ ଆଜ୍ଞା ରୂପେ ସେମାନଙ୍କୁ ଜଣାଇଲେ।
\v 33 ଆଉ, ମୋଶା ସେମାନଙ୍କ ସହିତ କଥୋପକଥନ ସମାପନ କଲା ଉତ୍ତାରେ ଆପଣା ମୁଖରେ ଘୁମୁଟା ଦେଲେ।
\s5
\v 34 ମାତ୍ର ମୋଶା ସଦାପ୍ରଭୁଙ୍କ ସହିତ କଥା କହିବା ପାଇଁ ଭିତରେ ତାହାଙ୍କ ସାକ୍ଷାତକୁ ଯାଇ ବାହାରକୁ ନ ଆସିବା ପର୍ଯ୍ୟନ୍ତ ସେହି ଘୁମୁଟା କାଢ଼ି ରଖିଲେ; ଆଉ ଯେଉଁ ଆଜ୍ଞା ପାଇଲେ, ବାହାରେ ଆସି ଇସ୍ରାଏଲ ସନ୍ତାନଗଣକୁ ତାହା କହିଲେ।
\v 35 ତହିଁରେ ମୋଶାଙ୍କର ମୁଖର ଚର୍ମ ଉଜ୍ଜ୍ୱଳ ଅଟେ, ଏହା ଇସ୍ରାଏଲ ସନ୍ତାନଗଣ ତାଙ୍କର ମୁଖ ପ୍ରତି ଅନାଇ ଦେଖିଲେ; ମୋଶା ସଦାପ୍ରଭୁଙ୍କ ସହିତ କଥା କହିବାକୁ ଯେପର୍ଯ୍ୟନ୍ତ ଭିତରକୁ ନ ଗଲେ; ସେପର୍ଯ୍ୟନ୍ତ ଆପଣା ମୁଖରେ ଘୁମୁଟା ଦେଲେ।
\s5
\c 35
\s ବିଶ୍ରାମବାର ବିଧି ପାଳନ
\p
\v 1 ତହିଁ ଉତ୍ତାରୁ ମୋଶା ଇସ୍ରାଏଲ ସନ୍ତାନଗଣର ସମସ୍ତ ମଣ୍ଡଳୀକୁ ଏକତ୍ର କରି କହିଲେ, “ସଦାପ୍ରଭୁ ତୁମ୍ଭମାନଙ୍କୁ ଏହି ସମସ୍ତ ବାକ୍ୟ ପାଳନ କରିବାକୁ ଆଜ୍ଞା ଦେଇଅଛନ୍ତି।
\v 2 ଛଅ ଦିନ କର୍ମ କରାଯିବ, ମାତ୍ର ସପ୍ତମ ଦିନ ତୁମ୍ଭମାନଙ୍କ ନିକଟରେ ପବିତ୍ର ଦିନ ହେବ; ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ମହା ବିଶ୍ରାମଦିନ ହେବ, ଯେକେହି ସେହି ଦିନ କର୍ମ କରିବ, ତାହାର ପ୍ରାଣଦଣ୍ଡ ହେବ।”
\v 3 ତୁମ୍ଭେମାନେ ବିଶ୍ରାମଦିନରେ ଆପଣାମାନଙ୍କ କୌଣସି ବାସ ସ୍ଥାନରେ ଅଗ୍ନି ଜାଳିବ ନାହିଁ।
\s ଆବାସ (ତମ୍ବୁ) ନିମନ୍ତେ ଉପହାର
\p
\s5
\v 4 ଆଉ, ମୋଶା ଇସ୍ରାଏଲ ସନ୍ତାନଗଣର ସମସ୍ତ ମଣ୍ଡଳୀକୁ ଆହୁରି କହିଲେ, “ସଦାପ୍ରଭୁ ଏହି ଆଜ୍ଞା ଦେଇଅଛନ୍ତି।
\v 5 ତୁମ୍ଭେମାନେ ସଦାପ୍ରଭୁଙ୍କ ନିମନ୍ତେ ଆପଣାମାନଙ୍କ ମଧ୍ୟରୁ ଉପହାର ସଂଗ୍ରହ କର; ଯେକେହି ସ୍ୱଚ୍ଛନ୍ଦମନା, ସେ ସଦାପ୍ରଭୁଙ୍କ ନିମନ୍ତେ ସ୍ୱର୍ଣ୍ଣ, ରୌପ୍ୟ ଓ ପିତ୍ତଳ,
\v 6 ପୁଣି, ନୀଳ ବର୍ଣ୍ଣ, ଧୂମ୍ର ବର୍ଣ୍ଣ, ସିନ୍ଦୂର ବର୍ଣ୍ଣ, ଶୁଭ୍ର, କ୍ଷୌମ ସୂତ୍ର ଓ ଛାଗର ଲୋମ,
\v 7 ପୁଣି, ରକ୍ତୀକୃତ ମେଷ ଚର୍ମ, ଶିଶୁକ ଚର୍ମ ଓ ଶିଟୀମ୍‍ କାଷ୍ଠ,
\v 8 ପୁଣି, ଦୀପାର୍ଥକ ତୈଳ, ଅଭିଷେକାର୍ଥକ ତୈଳ ଓ ସୁଗନ୍ଧି ଧୂପାର୍ଥକ ଗନ୍ଧଦ୍ରବ୍ୟ,
\v 9 ପୁଣି, ଏଫୋଦ ଓ ବୁକୁପଟା ନିମନ୍ତେ ଗୋମେଦକ ମଣି ପ୍ରଭୃତି ଖଚନୀୟ ପ୍ରସ୍ତର, ଏହି ସମସ୍ତ ସଦାପ୍ରଭୁଙ୍କର ଉପହାର ଆଣିବ।
\s5
\v 10 ଆଉ ତୁମ୍ଭମାନଙ୍କ ମଧ୍ୟରୁ ପ୍ରତ୍ୟେକ ବିଜ୍ଞମନା ଲୋକ ଆସି ସଦାପ୍ରଭୁଙ୍କର ଆଦିଷ୍ଟ ସକଳ ବସ୍ତୁ ନିର୍ମାଣ କରନ୍ତୁ,
\v 11 ଅର୍ଥାତ୍‍, ଆବାସ, ତହିଁର ତମ୍ବୁ, ଛାତ, ଆଙ୍କୁଡ଼ା, ପଟା, ଅର୍ଗଳ, ସ୍ତମ୍ଭ ଓ ଚୁଙ୍ଗୀ,
\v 12 ପୁଣି, ସିନ୍ଦୁକ, ତହିଁର ସାଙ୍ଗୀ, ପାପାଚ୍ଛାଦନ ଓ ଆଚ୍ଛାଦନର ବିଚ୍ଛେଦ ବସ୍ତ୍ର,
\s5
\v 13 ପୁଣି, ମେଜ, ତହିଁର ସାଙ୍ଗୀ, ପାତ୍ରସକଳ ଓ ଦର୍ଶନୀୟ ରୁଟି,
\v 14 ପୁଣି, ଦୀପ୍ତି ନିମନ୍ତେ ଦୀପବୃକ୍ଷ, ତହିଁର ପାତ୍ର, ପ୍ରଦୀପ ଓ ଦୀପାର୍ଥକ ତୈଳ,
\v 15 ପୁଣି, ଧୂପବେଦି, ତହିଁର ସାଙ୍ଗୀ, ଅଭିଷେକାର୍ଥକ ତୈଳ, ସୁଗନ୍ଧି ଧୂପ ଓ ଆବାସ ପ୍ରବେଶ ଦ୍ୱାରର ଆଚ୍ଛାଦନ ବସ୍ତ୍ର,
\v 16 ପୁଣି, ହୋମବେଦି, ତହିଁର ପିତ୍ତଳ ଝାଞ୍ଜିରୀ, ସାଙ୍ଗୀ, ପାତ୍ରସକଳ, ପ୍ରକ୍ଷାଳନ ପାତ୍ର ଓ ତହିଁର ବୈଠିକି,
\s5
\v 17 ପୁଣି, ପ୍ରାଙ୍ଗଣର ପରଦା, ତହିଁର ସ୍ତମ୍ଭ, ଚୁଙ୍ଗୀ ଓ ପ୍ରାଙ୍ଗଣ ଦ୍ୱାରର ଆଚ୍ଛାଦନ ବସ୍ତ୍ର,
\v 18 ପୁଣି, ଆବାସର କଣ୍ଟା, ପ୍ରାଙ୍ଗଣର କଣ୍ଟା ଓ ଉଭୟର ରଜ୍ଜୁ,
\v 19 ପୁଣି, ପବିତ୍ର ସ୍ଥାନରେ ସେବା କରିବା ନିମନ୍ତେ ସୁଶୋଭିତ ବସ୍ତ୍ର, ଅର୍ଥାତ୍‍, ହାରୋଣ ଯାଜକଙ୍କ ନିମନ୍ତେ ପବିତ୍ର ବସ୍ତ୍ର ଓ ଯାଜକ କର୍ମ ନିମନ୍ତେ ତାଙ୍କର ପୁତ୍ରମାନଙ୍କର ବସ୍ତ୍ର, ଏହି ସମସ୍ତ ପ୍ରସ୍ତୁତ କରିବ।
\s5
\v 20 ଏଥିଉତ୍ତାରେ ଇସ୍ରାଏଲ ସନ୍ତାନଗଣର ସମସ୍ତ ମଣ୍ଡଳୀ ମୋଶାଙ୍କ ସମ୍ମୁଖରୁ ପ୍ରସ୍ଥାନ କଲେ।
\v 21 ପୁଣି, ଯାହାର ମନ ଯାହାକୁ ପ୍ରବର୍ତ୍ତାଇଲା ଓ ଯାହାର ଆତ୍ମା ଯାହାକୁ ଇଚ୍ଛୁକ କଲା, ସେମାନେ ସମାଗମ-ତମ୍ବୁ ନିର୍ମାଣ ନିମନ୍ତେ ଓ ତତ୍ସମ୍ବନ୍ଧୀୟ ସମସ୍ତ କାର୍ଯ୍ୟ ଓ ପବିତ୍ର ବସ୍ତ୍ର ନିମନ୍ତେ ସଦାପ୍ରଭୁଙ୍କର ଉପହାର ଆଣିଲେ।
\v 22 ପୁଣି, ପୁରୁଷ ଓ ସ୍ତ୍ରୀ ଯେତେ ଲୋକ ସ୍ୱଚ୍ଛନ୍ଦମନା ଥିଲେ, ସେ ସମସ୍ତେ ଆସି ଉରୋମଣି, କୁଣ୍ଡଳ, ଅଙ୍ଗୁରୀୟ ଓ ହାର ପ୍ରଭୃତି ସ୍ୱର୍ଣ୍ଣ ଅଳଙ୍କାରସବୁ ଆଣିଲେ; ପ୍ରତ୍ୟେକ ଜଣ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସ୍ୱର୍ଣ୍ଣର ଉପହାର ଉତ୍ସର୍ଗ କଲେ।
\s5
\v 23 ପୁଣି, ଯେଉଁମାନଙ୍କ ନିକଟରେ ନୀଳ, ଧୂମ୍ର, ସିନ୍ଦୂର ବର୍ଣ୍ଣ, ଶୁଭ୍ର କ୍ଷୌମ ସୂତ୍ର, ଛାଗର ଲୋମ, ରକ୍ତୀକୃତ ମେଷ ଚର୍ମ ଓ ଶିଶୁକ ଚର୍ମ ଥିଲା, ସେମାନେ ପ୍ରତ୍ୟେକେ ତାହା ଆଣିଲେ।
\v 24 ପୁଣି, ଯେ ରୂପାର କି ପିତ୍ତଳର ଉପହାର ଉତ୍ସର୍ଗ କଲା, ସେ ସଦାପ୍ରଭୁଙ୍କର ଉପହାର ଆଣିଲା; ଆଉ ଯାହା ନିକଟରେ ସେବାର କୌଣସି କର୍ମ ନିମନ୍ତେ ଶିଟୀମ୍‍ କାଷ୍ଠ ଥିଲା, ସେ ତାହା ଆଣିଲା।
\s5
\v 25 ବୁଦ୍ଧିମତୀ ସ୍ତ୍ରୀମାନେ ଆପଣା ଆପଣା ହସ୍ତରେ ସୂତା କାଟି ନୀଳ ଧୂମ୍ର, ସିନ୍ଦୂର ବର୍ଣ୍ଣ ଓ ଶୁଭ୍ର କ୍ଷୌମ ସୂତ୍ର ଆଣିଲେ।
\v 26 ପୁଣି, ଯେଉଁ ସ୍ତ୍ରୀମାନଙ୍କର ମନ ଜ୍ଞାନରେ ପ୍ରବୃତ୍ତ ହେଲା, ସେସମସ୍ତେ ଛାଗ ଲୋମର ସୂତା କାଟିଲେ।
\s5
\v 27 ପୁଣି, ଅଧ୍ୟକ୍ଷଗଣ ଏଫୋଦ ଓ ବୁକୁପଟା ନିମନ୍ତେ ଗୋମେଦକାଦି ଖଚନାର୍ଥକ ମଣି,
\v 28 ଆଉ ଦୀପ ଓ ଅଭିଷେକାର୍ଥକ ତୈଳ ଓ ସୁଗନ୍ଧି ଧୂପ ନିମନ୍ତେ ଗନ୍ଧଦ୍ରବ୍ୟ ଓ ତୈଳ ଆଣିଲେ।
\v 29 ଇସ୍ରାଏଲ ସନ୍ତାନଗଣ ସ୍ୱେଚ୍ଛାରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉପହାର ଆଣିଲେ; ସଦାପ୍ରଭୁ ମୋଶାଙ୍କ ଦ୍ୱାରା ଯାହା ଯାହା କରିବାକୁ ଆଜ୍ଞା ଦେଇଥିଲେ, ତହିଁର କୌଣସି ପ୍ରକାର କର୍ମ କରିବା ପାଇଁ ଯେଉଁ ଯେଉଁ ପୁରୁଷ ଓ ସ୍ତ୍ରୀମାନଙ୍କର ମନ ସେମାନଙ୍କୁ ଇଚ୍ଛୁକ କଲା, ସେମାନେ ପ୍ରତ୍ୟେକେ ଉପହାର ଆଣିଲେ।
\s ଆବାସ (ତମ୍ବୁ)ର ନିର୍ମାଣ
\p
\s5
\v 30 ଏଥିଉତ୍ତାରେ ମୋଶା ଇସ୍ରାଏଲ-ସନ୍ତାନଗଣଙ୍କୁ ଆହୁରି କହିଲେ, “ଦେଖ, ସଦାପ୍ରଭୁ ଯିହୁଦା ବଂଶୀୟ ହୂରର ପୌତ୍ର ଊରିର ପୁତ୍ର ବତ୍ସଲେଲକୁ ନାମ ଧରି ଡାକିଅଛନ୍ତି।”
\v 31 ପୁଣି, ତାହାକୁ ଜ୍ଞାନ, ବୁଦ୍ଧି, ବିଦ୍ୟା ଓ କର୍ମନୈପୁଣ୍ୟ-ଦାୟକ ପରମେଶ୍ୱରଙ୍କ ଆତ୍ମାରେ ପରିପୂର୍ଣ୍ଣ କରି
\v 32 ଚିତ୍ର କର୍ମ ଓ ସ୍ୱର୍ଣ୍ଣ, ରୌପ୍ୟ ଓ ପିତ୍ତଳ ଖୋଦନ
\v 33 ଓ ଖଚନାର୍ଥକ ମଣିର କର୍ତ୍ତନ ଓ ନାନା ଶିଳ୍ପ କର୍ମ ନିମନ୍ତେ କାଷ୍ଠ ଖୋଦନ, ଏହିସବୁ ଶିଳ୍ପକର୍ମ କରିବା ପାଇଁ ତାହାକୁ ନିପୁଣ କରିଅଛନ୍ତି।
\s5
\v 34 ପୁଣି, ଶିକ୍ଷା ଦେବା ପାଇଁ ତାହାର ଓ ଦାନ୍ ବଂଶୀୟ ଅହୀଷାମକର ପୁତ୍ର ଅହଲୀୟାବର ମନରେ ପ୍ରବୃତ୍ତି ଦେଲେ।
\v 35 ଆଉ ଖୋଦନ ଓ ଶିଳ୍ପକର୍ମ କରିବା ନିମନ୍ତେ, ପୁଣି, ନୀଳ, ଧୂମ୍ର, ସିନ୍ଦୂର ବର୍ଣ୍ଣ ଓ ଶୁଭ୍ର କ୍ଷୌମସୂତ୍ରରେ ସୂଚି କର୍ମ ଓ ତନ୍ତୀ କର୍ମ କରିବା ନିମନ୍ତେ, ଅର୍ଥାତ୍‍, ଯାବତୀୟ ଶିଳ୍ପ କର୍ମ ଓ ଚିତ୍ର କର୍ମ କରିବା ପାଇଁ ସେମାନଙ୍କ ମନକୁ ଜ୍ଞାନରେ ପରିପୂର୍ଣ୍ଣ କରିଅଛନ୍ତି।
\s5
\c 36
\p
\v 1 ଏନିମନ୍ତେ ସଦାପ୍ରଭୁଙ୍କର ସମସ୍ତ ଆଜ୍ଞାନୁସାରେ ପବିତ୍ର ସ୍ଥାନର କାର୍ଯ୍ୟସକଳ ନିର୍ମାଣ କରିବାକୁ ସଦାପ୍ରଭୁ ବତ୍ସଲେଲ ଓ ଅହଲୀୟାବ ପ୍ରଭୃତି ଯେଉଁମାନଙ୍କୁ ଜ୍ଞାନ ଓ ବୁଦ୍ଧି ଦେଇଅଛନ୍ତି, ସେହିସବୁ ବିଜ୍ଞମନା ଲୋକେ କର୍ମ କରିବେ।
\s5
\v 2 ଏଥିଉତ୍ତାରେ ମୋଶା ସେହି ବତ୍ସଲେଲ, ଅହଲୀୟାବକୁ, ସଦାପ୍ରଭୁଙ୍କଠାରୁ ମନରେ ଜ୍ଞାନପ୍ରାପ୍ତ ଅନ୍ୟସବୁ ବିଜ୍ଞମନା ଲୋକଙ୍କୁ ଓ ସେହି କର୍ମ କରିବା ପାଇଁ ମନରେ ପ୍ରବୃତ୍ତିପ୍ରାପ୍ତ ଲୋକମାନଙ୍କୁ ଡାକିଲେ।
\v 3 ତହିଁରେ ସେମାନେ ପବିତ୍ର ସ୍ଥାନର କାର୍ଯ୍ୟ ନିର୍ମାଣ କରିବା ନିମନ୍ତେ ଇସ୍ରାଏଲ ସନ୍ତାନଗଣର ଆନୀତ ଉପହାର ସବୁ ମୋଶାଙ୍କଠାରୁ ଗ୍ରହଣ କଲେ; ତଥାପି ଲୋକମାନେ ପ୍ରତି ପ୍ରଭାତରେ ତାଙ୍କ ନିକଟକୁ ସ୍ୱେଚ୍ଛାରେ ଆହୁରି ଉପହାର ଆଣିଲେ।
\v 4 ତହୁଁ ପବିତ୍ର ସ୍ଥାନର ସମସ୍ତ କର୍ମକାରୀ ବିଜ୍ଞମନା ଲୋକମାନେ ଆପଣା ଆପଣା କର୍ମରୁ ଆସି ମୋଶାଙ୍କୁ କହିଲେ,
\s5
\v 5 “ସଦାପ୍ରଭୁ ଯାହା ଯାହା ନିର୍ମାଣ କରିବାକୁ ଆଜ୍ଞା ଦେଇ ଅଛନ୍ତି, ଲୋକମାନେ ସେହି କାର୍ଯ୍ୟ ନିମନ୍ତେ ପ୍ରୟୋଜନୀୟ ଦ୍ରବ୍ୟରୁ ଅତି ଅଧିକ ଆଣୁଅଛନ୍ତି।”
\v 6 ତହିଁରେ ମୋଶା ଆଜ୍ଞା ଦେଇ ଛାଉଣିର ସର୍ବତ୍ର ଏହା ଘୋଷଣା କରାଇଲେ, ପୁରୁଷ କି ସ୍ତ୍ରୀ ପବିତ୍ର ସ୍ଥାନ ନିମନ୍ତେ ଆଉ ଉପହାର ପ୍ରସ୍ତୁତ ନ କରନ୍ତୁ; ଏଣୁ ଲୋକମାନେ ଆଣିବାରୁ ନିବୃତ୍ତ ହେଲେ।
\v 7 କାରଣ ସମସ୍ତ କର୍ମ କରିବାକୁ ସେମାନଙ୍କର ଦ୍ରବ୍ୟ ପ୍ରଚୁର ଓ ତତୋଧିକ ଥିଲା।
\s5
\v 8 ଏଥିଉତ୍ତାରେ କର୍ମକାରୀମାନଙ୍କ ମଧ୍ୟରେ ପ୍ରତ୍ୟେକ ବିଜ୍ଞମନା ଲୋକ ବଳା ଶୁଭ୍ର କ୍ଷୌମସୂତ୍ର, ନୀଳ, ଧୂମ୍ର ଓ ସିନ୍ଦୂର ବର୍ଣ୍ଣ ସୂତ୍ର ଦ୍ୱାରା ଆବାସର ଦଶ ଯବନିକା ପ୍ରସ୍ତୁତ କଲେ; ପୁଣି, ତହିଁ ମଧ୍ୟରେ ଶିଳ୍ପ କର୍ମରେ କିରୂବର ଆକୃତି କଲେ।
\v 9 ପ୍ରତ୍ୟେକ ଯବନିକା ଅଠାଇଶ ହସ୍ତ ଦୀର୍ଘ, ପ୍ରତ୍ୟେକ ଯବନିକା ଚାରି ହସ୍ତ ପ୍ରସ୍ଥ ଓ ସମସ୍ତ ଯବନିକାର ସମାନ ପରିମାଣ ଥିଲା।
\v 10 ପୁଣି, ସେ ପାଞ୍ଚ ଯବନିକା ଏକତ୍ର ଯୋଗ କଲେ; ଅନ୍ୟ ପାଞ୍ଚ ଯବନିକା ଏକତ୍ର ଯୋଗ କଲେ।
\s5
\v 11 ଆଉ, ସେ ଯୋଡ଼ସ୍ଥାନରେ ପ୍ରଥମ ଅନ୍ତ୍ୟ ଯବନିକାର ଧଡ଼ିରେ ନୀଳ ସୂତ୍ରର ଫାଶ କଲେ; ଯୋଡ଼ସ୍ଥାନର ଦ୍ୱିତୀୟ ଅନ୍ତ୍ୟ ଯବନିକାର ଧଡ଼ିରେ ତଦ୍ରୂପ କଲେ।
\v 12 ସେ ପ୍ରଥମ ଯବନିକାର ଧଡ଼ିରେ ପଚାଶ ଫାଶ ଓ ଯୋଡ଼ସ୍ଥାନର ଦ୍ୱିତୀୟ ଯବନିକାର ଧଡ଼ିରେ ପଚାଶ ଫାଶ କଲେ; ସେହି ଫାଶସବୁ ପରସ୍ପର ସମ୍ମୁଖୀନ ରହିଲା।
\v 13 ଆଉ ସେ ପଚାଶ ସ୍ୱର୍ଣ୍ଣ ଆଙ୍କୁଡ଼ା କରି ଆଙ୍କୁଡ଼ାରେ ଯବନିକାସକଳ ପରସ୍ପର ଯୋଡ଼ିଲେ; ତହିଁରେ ଆବାସ ଏକ ହିଁ ହେଲା।
\s5
\v 14 ଏଉତ୍ତାରେ ସେ ଆବାସର ଆଚ୍ଛାଦନାର୍ଥକ ତମ୍ବୁ ନିମନ୍ତେ ଛାଗ ଲୋମର ଏକାଦଶ ଯବନିକା ପ୍ରସ୍ତୁତ କଲେ।
\v 15 ପ୍ରତ୍ୟେକ ଯବନିକାର ଦୈର୍ଘ୍ୟ ତିରିଶ ହସ୍ତ ଓ ପ୍ରସ୍ଥ ଚାରି ହସ୍ତ, ସେହି ଏକାଦଶ ଯବନିକାର ସମାନ ପରିମାଣ ଥିଲା।
\v 16 ପୁଣି, ସେ ପାଞ୍ଚ ଯବନିକା ପରସ୍ପର ଯୋଡ଼ି ପୃଥକ୍‍ ରଖିଲେ ଓ ଅନ୍ୟ ଛଅ ଯବନିକା ଯୋଡ଼ି ପୃଥକ୍‍ ରଖିଲେ।
\v 17 ଯୋଡ଼ସ୍ଥାନର ପ୍ରଥମ ଅନ୍ତ୍ୟ ଯବନିକାର ଧଡ଼ିରେ ପଚାଶ ଫାଶ କଲେ ଓ ଦ୍ୱିତୀୟ ଯବନିକାର ଯୋଡ଼ସ୍ଥାନ ଧଡ଼ିରେ ପଚାଶ ଫାଶ କଲେ।
\s5
\v 18 ଆଉ ସେ ଯୋଡି଼ ଦେଇ ଏକ ତମ୍ବୁ କରିବା ପାଇଁ ପିତ୍ତଳର ପଚାଶ ଆଙ୍କୁଡ଼ା କଲେ।
\v 19 ପୁଣି, ସେ ରକ୍ତୀକୃତ ମେଷ ଚର୍ମରେ ତମ୍ବୁର ଏକ ଛାତ ଓ ତହିଁ ଉପରେ ଶିଶୁକ ଚର୍ମର ଏକ ଛାତ ପ୍ରସ୍ତୁତ କଲେ।
\s5
\v 20 ଏଥିଉତ୍ତାରେ ସେ ଆବାସ ନିମିତ୍ତ ଶିଟୀମ୍‍ କାଷ୍ଠର ଠିଆପଟା ପ୍ରସ୍ତୁତ କଲେ।
\v 21 ଏକ ଏକ ପଟା ଦଶ ହସ୍ତ ଦୀର୍ଘ ଓ ଦେଢ଼ ହସ୍ତ ପ୍ରସ୍ଥ ଥିଲା।
\v 22 ପ୍ରତ୍ୟେକ ପଟାର ପରସ୍ପର ଅନୁରୂପ ଦୁଇ ଦୁଇ ପଦ ଥିଲା; ଏହିରୂପେ ସେ ଆବାସର ସମସ୍ତ ପଟା ନିମନ୍ତେ ପ୍ରସ୍ତୁତ କଲେ।
\v 23 ଆଉ ସେ ଆବାସର ଦକ୍ଷିଣ ଦିଗସ୍ଥ ଦକ୍ଷିଣ ପାର୍ଶ୍ୱ ନିମନ୍ତେ କୋଡ଼ିଏ ପଟା ପ୍ରସ୍ତୁତ କଲେ।
\s5
\v 24 ପୁଣି, ସେ ସେହି କୋଡ଼ିଏ ପଟା ତଳେ ଚାଳିଶଟି ରୂପାର ଚୁଙ୍ଗୀ କଲେ; ଏକ ପଟା ତଳେ ତହିଁର ଦୁଇ ପଦ ନିମନ୍ତେ ଦୁଇ ଚୁଙ୍ଗୀ ଓ ଅନ୍ୟାନ୍ୟ ପଟା ତଳେ ସେମାନଙ୍କ ଦୁଇ ଦୁଇ ପଦ ନିମନ୍ତେ ଦୁଇ ଦୁଇ ଚୁଙ୍ଗୀ କଲେ।
\v 25 ପୁଣି, ଆବାସର ଅନ୍ୟ ପାର୍ଶ୍ୱ ନିମନ୍ତେ ଉତ୍ତର ଦିଗରେ କୋଡ଼ିଏ ପଟା କଲେ।
\v 26 ଏକ ପଟା ତଳେ ଦୁଇ ଚୁଙ୍ଗୀ ଓ ଅନ୍ୟାନ୍ୟ ପଟା ତଳେ ଦୁଇ ଦୁଇ ଚୁଙ୍ଗୀ, ଏରୂପେ ରୂପାର ଚାଳିଶ ଚୁଙ୍ଗୀ କଲେ।
\s5
\v 27 ସେ ଆବାସର ପଶ୍ଚିମ ଦିଗସ୍ଥ ପଶ୍ଚାତ୍‍ ପାର୍ଶ୍ୱ ନିମନ୍ତେ ଛଅ ଖଣ୍ଡ ପଟା କଲେ।
\v 28 ପୁଣି, ଆବାସର ସେହି ପଶ୍ଚାଦ୍‍ ଭାଗର ଦୁଇ କୋଣ ନିମନ୍ତେ ଦୁଇ ଖଣ୍ଡ ପଟା କଲେ।
\s5
\v 29 ପୁଣି, ତହିଁ ତଳେ ଯୋଡ଼ା ରହିଲା ଓ ସେହିରୂପ ତହିଁର ମୁଣ୍ଡରେ ପ୍ରଥମ କଡ଼ା ପାଖରେ ଯୋଡ଼ ରହିଲା; ଏହି ପ୍ରକାରେ ସେ ଦୁଇ କୋଣର ପଟା ଯୋଡ଼ିଲେ।
\v 30 ତହିଁରେ ଆଠ ପଟା, ପୁଣି, ଏକ ଏକ ପଟା ତଳେ ଦୁଇ ଦୁଇ ଚୁଙ୍ଗୀ, ଏରୂପେ ଷୋଳ ରୂପାଚୁଙ୍ଗୀ କଲେ।
\s5
\v 31 ଆଉ ସେ ଶିଟୀମ୍‍ କାଷ୍ଠରେ ଅର୍ଗଳ ପ୍ରସ୍ତୁତ କରି ଆବାସର ଏକ ପାର୍ଶ୍ୱସ୍ଥ ପଟାରେ ପାଞ୍ଚ ଅର୍ଗଳ
\v 32 ଓ ଅନ୍ୟ ପାର୍ଶ୍ୱସ୍ଥ ପଟାରେ ପାଞ୍ଚ ଅର୍ଗଳ, ପୁଣି, ଆବାସର ପଶ୍ଚିମ ଦିଗସ୍ଥ ପଶ୍ଚାତ୍‍ ପାର୍ଶ୍ୱର ପଟାରେ ପାଞ୍ଚ ଅର୍ଗଳ ଦେଲେ।
\v 33 ପୁଣି, ମଧ୍ୟସ୍ଥିତ ଅର୍ଗଳ, ପଟାର ମଧ୍ୟଦେଶରେ ଏମୁଣ୍ଡରୁ ସେମୁଣ୍ଡ ଯାଏ ପାଇଲା।
\v 34 ଆଉ, ସେ ସେହିସବୁ ପଟା ସୁବର୍ଣ୍ଣରେ ମଡ଼ାଇଲେ ଓ ଅର୍ଗଳର ଘରା ନିମନ୍ତେ ସୁବର୍ଣ୍ଣର କଡ଼ା କଲେ, ଅର୍ଗଳସକଳ ସୁବର୍ଣ୍ଣରେ ମଡ଼ାଇଲେ।
\s5
\v 35 ଏଥିଉତ୍ତାରେ ସେ ନୀଳ, ଧୂମ୍ର, ସିନ୍ଦୂର ବର୍ଣ୍ଣ, ବଳା ଶୁଭ୍ର କ୍ଷୌମସୂତ୍ର-ନିର୍ମିତ ଓ କିରୂବାକୃତିରେ ଚିତ୍ରିତ ଏକ ବିଚ୍ଛେଦ ବସ୍ତ୍ର ପ୍ରସ୍ତୁତ କଲେ।
\v 36 ପୁଣି, ସେ ତହିଁ ନିମନ୍ତେ ଶିଟୀମ୍‍ କାଷ୍ଠର ଚାରି ସ୍ତମ୍ଭ କରି ସୁବର୍ଣ୍ଣରେ ମଡ଼ାଇଲେ ଓ ସେସବୁର ଆଙ୍କୁଡ଼ା ସୁବର୍ଣ୍ଣରେ କଲେ ଓ ତହିଁ ନିମନ୍ତେ ରୂପାର ଚାରି ଚୁଙ୍ଗୀ ଢାଳିଲେ।
\s5
\v 37 ଆଉ, ସେ ତମ୍ବୁଦ୍ୱାର ନିମନ୍ତେ ନୀଳ, ଧୂମ୍ର, ସିନ୍ଦୂର ବର୍ଣ୍ଣ ଓ ବଳା ଶୁଭ୍ର କ୍ଷୌମସୂତ୍ରନିର୍ମିତ ଚିତ୍ରବିଚିତ୍ର ଏକ ଆଚ୍ଛାଦନ ବସ୍ତ୍ର ପ୍ରସ୍ତୁତ କଲେ।
\v 38 ତହିଁର ପାଞ୍ଚ ସ୍ତମ୍ଭ ଓ ସେସବୁର ଆଙ୍କୁଡ଼ା କଲେ; ପୁଣି, ସେହିସବୁର ମୁଣ୍ଡାଳି ଓ ବନ୍ଧନୀ ସୁବର୍ଣ୍ଣରେ ମଡ଼ାଇଲେ, ମାତ୍ର ସେମାନଙ୍କର ପାଞ୍ଚ ଚୁଙ୍ଗୀ ପିତ୍ତଳର ଥିଲା।
\s5
\c 37
\s ନିୟମ ସିନ୍ଦୁକର ନିର୍ମାଣ
\p
\v 1 ଏଥିଉତ୍ତାରେ ବତ୍ସଲେଲ ଶିଟୀମ୍‍ କାଷ୍ଠରେ ଅଢ଼ାଇ ହସ୍ତ ଦୀର୍ଘ ଓ ଦେଢ଼ ହସ୍ତ ପ୍ରସ୍ଥ ଓ ଦେଢ଼ ହସ୍ତ ଉଚ୍ଚ, ଏକ ସିନ୍ଦୁକ ନିର୍ମାଣ କଲେ
\v 2 ଓ ତହିଁର ଭିତର ଓ ବାହାର ନିର୍ମଳ ସୁବର୍ଣ୍ଣରେ ମଡ଼ାଇ ତହିଁର ଚତୁର୍ଦ୍ଦିଗରେ ସୁବର୍ଣ୍ଣର କାନ୍ଥି କଲେ।
\v 3 ପୁଣି, ତହିଁର ଚାରି କୋଣ ନିମନ୍ତେ ଚାରି ସ୍ୱର୍ଣ୍ଣକଡ଼ା ଢାଳିଲେ; ତହିଁର ଏକ ପାର୍ଶ୍ୱରେ ଦୁଇ କଡ଼ା ଓ ଅନ୍ୟ ପାର୍ଶ୍ୱରେ ଦୁଇ କଡ଼ା ଦେଲେ।
\s5
\v 4 ଆଉ ସେ ଶିଟୀମ୍‍ କାଷ୍ଠରେ ସାଙ୍ଗୀ କରି ସୁବର୍ଣ୍ଣ ମଡ଼ାଇଲେ
\v 5 ଓ ସିନ୍ଦୁକ ବହିବା ନିମନ୍ତେ ସିନ୍ଦୁକର ପାର୍ଶ୍ୱସ୍ଥ କଡ଼ାରେ ସେହି ସାଙ୍ଗୀ ପ୍ରବେଶ କରାଇଲେ।
\v 6 ଏଉତ୍ତାରେ ସେ ନିର୍ମଳ ସୁବର୍ଣ୍ଣରେ ଅଢ଼ାଇ ହସ୍ତ ଦୀର୍ଘ ଓ ଦେଢ଼ ହସ୍ତ ପ୍ରସ୍ଥ ଏକ ପାପାଚ୍ଛାଦନ ନିର୍ମାଣ କଲେ।
\s5
\v 7 ପୁଣି, ପିଟା ସୁବର୍ଣ୍ଣରେ ଦୁଇ କିରୂବ ନିର୍ମାଣ କରି ପାପାଚ୍ଛାଦନର ଦୁଇ ମୁଣ୍ଡରେ ରଖିଲେ।
\v 8 ତହିଁର ଏକ ମୁଣ୍ଡରେ ଏକ କିରୂବ ଓ ଅନ୍ୟ ମୁଣ୍ଡରେ ଅନ୍ୟ କିରୂବ ସ୍ଥାପନ କଲେ; ପାପାଚ୍ଛାଦନର ଦୁଇ ମୁଣ୍ଡରେ ଦୁଇ କିରୂବକୁ ତହିଁର ଅଂଶ କରି ରଖିଲେ।
\v 9 ପୁଣି, କିରୂବମାନଙ୍କର ପକ୍ଷ ଉର୍ଦ୍ଧ୍ବକୁ ବିସ୍ତାରିତ ହୋଇ ପାପାଚ୍ଛାଦନକୁ ଆବରଣ କଲା ଓ ସେମାନଙ୍କର ମୁଖ ପରସ୍ପର ସମ୍ମୁଖୀନ ହେଲା; ମାତ୍ର ପାପାଚ୍ଛାଦନ ପ୍ରତି କିରୂବମାନଙ୍କର ମୁଖ ରହିଲା।
\s ଦର୍ଶନୀୟ ରୁଟିର ମେଜ ନିର୍ମାଣ
\p
\s5
\v 10 ତହିଁ ଉତ୍ତାରୁ ସେ ଶିଟୀମ୍‍ କାଷ୍ଠରେ ଦୁଇ ହସ୍ତ ଦୀର୍ଘ ଓ ଏକ ହସ୍ତ ପ୍ରସ୍ଥ ଓ ଦେଢ଼ ହସ୍ତ ଉଚ୍ଚ ଗୋଟିଏ ମେଜ ନିର୍ମାଣ କଲେ।
\v 11 ପୁଣି, ତାହା ନିର୍ମଳ ସୁବର୍ଣ୍ଣରେ ମଡ଼ାଇଲେ ଓ ତହିଁର ଚତୁର୍ଦ୍ଦିଗରେ ସୁବର୍ଣ୍ଣର କାନ୍ଥି କଲେ।
\v 12 ପୁଣି, ସେ ତହିଁର ଚତୁର୍ଦ୍ଦିଗରେ ଚତୁରଙ୍ଗୁଳି ପରିମିତ ଏକ ବେଷ୍ଟନ କଲେ ଓ ସେହି ବେଷ୍ଟନର ଚତୁର୍ଦ୍ଦିଗରେ ସୁବର୍ଣ୍ଣର କାନ୍ଥି କଲେ।
\v 13 ଆଉ ସୁବର୍ଣ୍ଣରେ ଚାରି କଡ଼ା ଢାଳି ତହିଁର ଚାରି ପାହ୍ୟାର ଚାରି କୋଣରେ ରଖିଲେ।
\s5
\v 14 ସେହି କଡ଼ା ପାର୍ଶ୍ୱ-କାଷ୍ଠର ସନ୍ନିକଟ ଓ ମେଜ ବହିବା ନିମନ୍ତେ ସାଙ୍ଗୀର ଘରା ଥିଲା।
\v 15 ପୁଣି, ସେ ସେହି ମେଜ ବହନାର୍ଥେ ଶିଟୀମ୍‍ କାଷ୍ଠରେ ସାଙ୍ଗୀ ନିର୍ମାଣ କରି ସୁବର୍ଣ୍ଣରେ ମଡ଼ାଇଲେ।
\v 16 ଆହୁରି, ସେ ମେଜର ଉପରିସ୍ଥିତ ପାତ୍ରସକଳ, ଅର୍ଥାତ୍‍, ତହିଁର ଥାଳୀ ଓ ଚାମଚ ଓ ପାତ୍ର, ଢାଳିବା ନିମନ୍ତେ ଗଡ଼ୁସକଳ ନିର୍ମଳ ସୁବର୍ଣ୍ଣରେ ନିର୍ମାଣ କଲେ।
\s ସୁବର୍ଣ୍ଣ ଦୀପବୃକ୍ଷ ନିର୍ମାଣ
\p
\s5
\v 17 ଆହୁରି, ସେ ନିର୍ମଳ ସୁବର୍ଣ୍ଣରେ ଏକ ଦୀପବୃକ୍ଷ ନିର୍ମାଣ କଲେ, ସେ ପିଟାକର୍ମରେ ଦୀପବୃକ୍ଷ, ତହିଁର ଗଣ୍ଡି ଓ ଶାଖା ନିର୍ମାଣ କଲେ, ଆଉ ତହିଁର ଗୋଲାଧାର, କଳିକା ଓ ପୁଷ୍ପ ତହିଁରେ ସଂଲଗ୍ନ ହେଲା।
\v 18 ସେହି ଦୀପବୃକ୍ଷର ଏକ ପାର୍ଶ୍ୱରୁ ତିନି ଶାଖା ଓ ଦୀପବୃକ୍ଷର ଅନ୍ୟ ପାର୍ଶ୍ୱରୁ ତିନି ଶାଖା, ଏହି ଛଅ ଶାଖା ତହିଁର ପାର୍ଶ୍ୱରୁ ନିର୍ଗତ ହେଲା।
\v 19 ପୁଣି, ଏକ ଶାଖାରେ ବାଦାମପୁଷ୍ପାକୃତି ତିନି ଗୋଲାଧାର, କଳିକା ଓ ପୁଷ୍ପ, ପୁଣି, ଅନ୍ୟ ଶାଖାରେ ବାଦାମପୁଷ୍ପାକୃତି ତିନି ଗୋଲାଧାର, କଳିକା ଓ ପୁଷ୍ପ, ଏହିରୂପେ ଦୀପବୃକ୍ଷରୁ ନିର୍ଗତ ଛଅ ଶାଖାରେ ରହିଲା।
\s5
\v 20 ମାତ୍ର ଦୀପବୃକ୍ଷରେ ବାଦାମପୁଷ୍ପାକୃତି ଚାରି ଗୋଲାଧାର ଓ ତହିଁର କଳିକା ଓ ପୁଷ୍ପ ରହିଲା।
\v 21 ଆଉ, ତହିଁରୁ ଯେଉଁ ଛଅ ଶାଖା ନିର୍ଗତ ହେଲା, ତଦନୁସାରେ ଏକ ଶାଖାଦ୍ୱୟର ତଳେ ଏକ କଳିକା ଓ ଅନ୍ୟ ଶାଖାଦ୍ୱୟର ତଳେ ଏକ କଳିକା ଓ ଅନ୍ୟତର ଶାଖାଦ୍ୱୟର ତଳେ ଏକ କଳିକା ରହିଲା।
\v 22 ଏହି କଳିକା ଓ ଶାଖା ତହିଁର ଅଂଶ ହେଲା ଓ ସମସ୍ତ ନିର୍ମଳ ସୁବର୍ଣ୍ଣ ନିର୍ମିତ ଏକ ପିଟାକର୍ମ ହେଲା।
\s5
\v 23 ଆଉ, ସେ ତହିଁ ପାଇଁ ସପ୍ତ ପ୍ରଦୀପ, ଚିମୁଟା ଓ ଅଙ୍ଗାରଧାନୀ ନିର୍ମଳ ସୁବର୍ଣ୍ଣରେ ନିର୍ମାଣ କଲେ।
\v 24 ସେ ଏକ ତାଳନ୍ତ
\f +
\fr 37:24
\ft ପ୍ରାୟ ୩୩ କିଲୋଗ୍ରାମ୍
\f* ପରିମିତ ନିର୍ମଳ ସୁବର୍ଣ୍ଣରେ ତାହା ଓ ତହିଁର ସମସ୍ତ ପାତ୍ର ନିର୍ମାଣ କଲେ।
\s ସୁଗନ୍ଧି ଧୂପବେଦି ନିର୍ମାଣ
\p
\s5
\v 25 ଏଥିଉତ୍ତାରେ ସେ ଶିଟୀମ୍‍ କାଷ୍ଠରେ ଏକ ହସ୍ତ ଦୀର୍ଘ, ଏକ ହସ୍ତ ପ୍ରସ୍ଥ ଓ ଦୁଇ ହସ୍ତ ଉଚ୍ଚ ଚତୁଷ୍କୋଣ ଧୂପବେଦି ନିର୍ମାଣ କଲେ, ତହିଁର ଶୃଙ୍ଗସକଳ ତହିଁର ଅଂଶ ହେଲା।
\v 26 ଆଉ, ତାହା, ତହିଁର ପୃଷ୍ଠ, ତହିଁର ଚାରି ପାର୍ଶ୍ୱ ଓ ତହିଁର ଶୃଙ୍ଗସକଳ ନିର୍ମଳ ସୁବର୍ଣ୍ଣରେ ମଡ଼ାଇଲେ; ପୁଣି, ସେ ତହିଁର ଚାରିଆଡ଼େ ସୁବର୍ଣ୍ଣର କାନ୍ଥି କଲେ।
\s5
\v 27 ପୁଣି, ତହିଁର ବହନାର୍ଥକ ସାଙ୍ଗୀର ଘରା ନିମନ୍ତେ ତହିଁର କାନ୍ଥି ତଳେ ଦୁଇ ପାର୍ଶ୍ୱର ଦୁଇ କୋଣରେ ସୁବର୍ଣ୍ଣର ଦୁଇ ଦୁଇ କଡ଼ା ନିର୍ମାଣ କଲେ।
\v 28 ଆଉ ଶିଟୀମ୍‍ କାଷ୍ଠରେ ସାଙ୍ଗୀ କଲେ ଓ ତାହା ସୁବର୍ଣ୍ଣରେ ମଡ଼ାଇଲେ।
\v 29 ଏଉତ୍ତାରେ ସେ ଅଭିଷେକାର୍ଥକ ପବିତ୍ର ତୈଳ ଓ ଧୂପ ନିମନ୍ତେ ଗନ୍ଧ-ବଣିକର କ୍ରିୟାନୁଯାୟୀ ସୁଗନ୍ଧି ଦ୍ରବ୍ୟ ପ୍ରସ୍ତୁତ କଲେ।
\s5
\c 38
\s ହୋମ ବେଦିର ନିର୍ମାଣ
\p
\v 1 ଏଥିଉତ୍ତାରେ ସେ ଶିଟୀମ୍‍ କାଷ୍ଠରେ ପାଞ୍ଚ ହସ୍ତ ଦୀର୍ଘ ଓ ପାଞ୍ଚ ହସ୍ତ ପ୍ରସ୍ଥ ଓ ତିନି ହସ୍ତ ଉଚ୍ଚ ଏକ ଚତୁଷ୍କୋଣ ହୋମବେଦି ନିର୍ମାଣ କଲେ।
\v 2 ପୁଣି, ତହିଁର ଚାରି କୋଣ ଉପରେ ଶୃଙ୍ଗ ନିର୍ମାଣ କରି ପିତ୍ତଳ ମଡ଼ାଇଲେ; ସେହି ଶୃଙ୍ଗସବୁ ତହିଁର ଅଂଶ ହେଲା।
\v 3 ଆଉ ସେ ବେଦିର ସମସ୍ତ ପାତ୍ର, ଅର୍ଥାତ୍‍, ଭସ୍ମଧାନୀ, କରଚୁଲି, କୁଣ୍ଡ, ତ୍ରିଶୂଳ ଓ ଅଙ୍ଗାରଧାନୀ, ଏହି ସମସ୍ତ ପାତ୍ର ପିତ୍ତଳରେ ପ୍ରସ୍ତୁତ କଲେ।
\s5
\v 4 ଏହି ବେଦିର ବେଢ଼ ତଳେ ନିମ୍ନରୁ ମଧ୍ୟ ପର୍ଯ୍ୟନ୍ତ ପିତ୍ତଳ ନିର୍ମିତ ଜାଲି ଝାଞ୍ଜିରୀ କଲେ।
\v 5 ପୁଣି, ସାଙ୍ଗୀର ଘରା ନିମନ୍ତେ ସେହି ପିତ୍ତଳ ଝାଞ୍ଜିରୀର ଚାରି କୋଣରେ ଚାରି କଡ଼ା ଢାଳିଲେ।
\s5
\v 6 ଆଉ, ସେ ଶିଟୀମ୍‍ କାଷ୍ଠରେ ସେହି ସାଙ୍ଗୀ ନିର୍ମାଣ କରି ପିତ୍ତଳରେ ମଡ଼ାଇଲେ।
\v 7 ବେଦି ବହନାର୍ଥେ ତହିଁର ପାର୍ଶ୍ୱ ଉପରେ ସେହି ସାଙ୍ଗୀ କଡ଼ାରେ ପ୍ରବେଶ କରାଇଲେ; ପୁଣି, ଫମ୍ପା ରଖି ପଟାରେ ବେଦି ନିର୍ମାଣ କଲେ।
\s ପିତ୍ତଳ ପ୍ରକ୍ଷାଳନ ପାତ୍ରର ନିର୍ମାଣ
\p
\s5
\v 8 ଆଉ, ଯେଉଁ ସ୍ତ୍ରୀଗଣ ସମାଗମ-ତମ୍ବୁର ଦ୍ୱାର ସମୀପରେ ସେବା କଲେ, ସେହି ସେବାକାରିଣୀ ସ୍ତ୍ରୀଗଣର ପିତ୍ତଳ ନିର୍ମିତ ଦର୍ପଣ ଦ୍ୱାରା ସେ ପ୍ରକ୍ଷାଳନ ପାତ୍ର ଓ ତହିଁର ବୈଠିକି ନିର୍ମାଣ କଲେ।
\s ଆବାସର ପ୍ରାଙ୍ଗଣର ନିର୍ମାଣ
\p
\s5
\v 9 ଏଥିଉତ୍ତାରେ ସେ ପ୍ରାଙ୍ଗଣ ପ୍ରସ୍ତୁତ କଲେ; ଦକ୍ଷିଣ ଦିଗରେ ପ୍ରାଙ୍ଗଣର ଦକ୍ଷିଣ ପାର୍ଶ୍ୱରେ ବଳା ଶୁଭ୍ର କ୍ଷୌମସୂତ୍ରରେ ଏକଶତ ହସ୍ତ ପରିମିତ ପରଦା କଲେ।
\v 10 ତହିଁର କୋଡ଼ିଏ ସ୍ତମ୍ଭ ଓ କୋଡ଼ିଏ ଚୁଙ୍ଗୀ ପିତ୍ତଳର, ପୁଣି, ସେହି ସ୍ତମ୍ଭର ଆଙ୍କୁଡ଼ା ଓ ବନ୍ଧନୀ ରୂପାର ଥିଲା।
\s5
\v 11 ଉତ୍ତର ଦିଗର ପରଦା ଏକଶତ ହସ୍ତ, ପୁଣି, ତହିଁର କୋଡ଼ିଏ ସ୍ତମ୍ଭ, କୋଡ଼ିଏ ଚୁଙ୍ଗୀ ପିତ୍ତଳର ଓ ସ୍ତମ୍ଭର ଆଙ୍କୁଡ଼ା ବନ୍ଧନୀ ରୂପାର ଥିଲା।
\v 12 ପଶ୍ଚିମ ପାର୍ଶ୍ୱର ପରଦା ପଚାଶ ହସ୍ତ ଥିଲା, ତହିଁର ଦଶ ସ୍ତମ୍ଭ ଓ ଦଶ ଚୁଙ୍ଗୀ, ପୁଣି, ସ୍ତମ୍ଭର ଆଙ୍କୁଡ଼ା ଓ ବନ୍ଧନୀ ରୂପାର ଥିଲା।
\s5
\v 13 ପୂର୍ବ ଦିଗରେ ପୂର୍ବ ପାର୍ଶ୍ୱ ନିମନ୍ତେ ପଚାଶ ହସ୍ତ ଥିଲା।
\v 14 ଦ୍ୱାରର ଏକ ପାର୍ଶ୍ୱ ନିମନ୍ତେ ପନ୍ଦର ହସ୍ତ ପରଦା ଓ ତହିଁର ତିନି ସ୍ତମ୍ଭ ଓ ତିନି ଚୁଙ୍ଗୀ ଥିଲା;
\v 15 ତଦ୍ରୂପେ ଅନ୍ୟ ପାର୍ଶ୍ୱ ନିମନ୍ତେ ଥିଲା। ପ୍ରାଙ୍ଗଣ-ଦ୍ୱାର ସନ୍ନିକଟ ଏ ପାର୍ଶ୍ୱରେ ଓ ସେ ପାର୍ଶ୍ୱରେ ପନ୍ଦର ହସ୍ତ ପରଦା ଓ ତହିଁର ତିନି ସ୍ତମ୍ଭ ଓ ତିନି ଚୁଙ୍ଗୀ ଥିଲା।
\v 16 ପ୍ରାଙ୍ଗଣର ଚତୁର୍ଦ୍ଦିଗର ସକଳ ପରଦା ବଳା ଶୁଭ୍ର କ୍ଷୌମସୂତ୍ରରେ ନିର୍ମିତ ଥିଲା।
\s5
\v 17 ପୁଣି, ସ୍ତମ୍ଭର ଚୁଙ୍ଗୀସବୁ ପିତ୍ତଳର ଥିଲା; ସ୍ତମ୍ଭର ଆଙ୍କୁଡ଼ା ଓ ବନ୍ଧନୀ ରୂପାର; ତହିଁର ମୁଣ୍ଡାଳି ରୌପ୍ୟ-ମଣ୍ଡିତ; ପୁଣି, ରୂପା-ବନ୍ଧନୀରେ ପ୍ରାଙ୍ଗଣର ସକଳ ସ୍ତମ୍ଭ ସଂଯୁକ୍ତ ଥିଲା।
\v 18 ଆଉ, ପ୍ରାଙ୍ଗଣ-ଦ୍ୱାରର ଆଚ୍ଛାଦନ ବସ୍ତ୍ର ନୀଳ, ଧୂମ୍ର, ସିନ୍ଦୂର ବର୍ଣ୍ଣ ଓ ବଳା ଶୁଭ୍ର କ୍ଷୌମସୂତ୍ରରେ ଶିଳ୍ପକର୍ମବିଶିଷ୍ଟ ଓ ପ୍ରାଙ୍ଗଣର ପରଦା ତୁଲ୍ୟ ତାହା ଦୀର୍ଘରେ କୋଡ଼ିଏ ହସ୍ତ ଓ ପ୍ରସ୍ଥରେ ପାଞ୍ଚ ହସ୍ତ ଉଚ୍ଚ ଥିଲା।
\v 19 ପୁଣି, ତହିଁର ପିତ୍ତଳର ଚାରି ସ୍ତମ୍ଭ, ଚାରି ଚୁଙ୍ଗୀ, ରୂପାର ଆଙ୍କୁଡ଼ା ଓ ତହିଁର ମୁଣ୍ଡାଳି ରୌପ୍ୟ-ମଣ୍ଡିତ ଓ ବନ୍ଧନୀ ରୂପାର ଥିଲା।
\v 20 ପୁଣି, ଆବାସର ଓ ପ୍ରାଙ୍ଗଣର ଚତୁର୍ଦ୍ଦିଗର କଣ୍ଟାସବୁ ପିତ୍ତଳର ଥିଲା।
\s ଆବାସ ନିମନ୍ତେ ବ୍ୟବହୃତ ବସ୍ତୁ
\p
\s5
\v 21 ଲେବୀୟ ଲୋକମାନଙ୍କର କାର୍ଯ୍ୟ ନିମନ୍ତେ ହାରୋଣ ଯାଜକଙ୍କର ପୁତ୍ର ଈଥାମରଙ୍କ ଦ୍ୱାରା ମୋଶାଙ୍କର ଆଜ୍ଞାନୁସାରେ ଆବାସର, ଅର୍ଥାତ୍‍, ସାକ୍ଷ୍ୟରୂପେ ଆବାସର ଗଣନୀୟ ବସ୍ତୁ ସମୂହର ଏହି ଗଣନା କରାଗଲା।
\v 22 ସଦାପ୍ରଭୁ ମୋଶାଙ୍କ ଦ୍ୱାରା ଯେଉଁ ଆଜ୍ଞା ଦେଇଥିଲେ, ତଦନୁସାରେ ଯିହୁଦା ବଂଶଜାତ ହୂରର ପୌତ୍ର ଊରିର ପୁତ୍ର ବତ୍ସଲେଲ ସେସବୁ ନିର୍ମାଣ କରିଥିଲେ।
\v 23 ଆଉ ନୀଳ, ଧୂମ୍ର, ସିନ୍ଦୂର ବର୍ଣ୍ଣ, ବଳା ଶୁଭ୍ର କ୍ଷୌମସୂତ୍ରରେ ଶିଳ୍ପକାରୀ, ଖୋଦକ ଓ ବିଜ୍ଞ ତନ୍ତୁବାୟ ଦାନ୍ ବଂଶଜାତ ଅହୀଷାମକଙ୍କ ପୁତ୍ର ଅହଲୀୟାବ ସହକାରୀ ଥିଲେ।
\s5
\v 24 ପବିତ୍ର ସ୍ଥାନ ନିର୍ମାଣର ସମସ୍ତ କାର୍ଯ୍ୟରେ ଏହିସବୁ ସୁବର୍ଣ୍ଣ ଲାଗିଲା, ଅର୍ଥାତ୍‍, ନୈବେଦ୍ୟର; ସମସ୍ତ ସ୍ୱର୍ଣ୍ଣ ପବିତ୍ର ସ୍ଥାନର ଶେକଲାନୁସାରେ ଊନତ୍ରିଂଶ ତାଳନ୍ତ ସାତଶହ ତିରିଶ ଶେକଲ ଥିଲା।
\v 25 ପୁଣି, ମଣ୍ଡଳୀର ଗଣିତ ଲୋକଙ୍କର ରୂପା ପବିତ୍ର ସ୍ଥାନର ଶେକଲାନୁସାରେ ଏକଶହ ତାଳନ୍ତ ଏକ ସହସ୍ର ସାତଶହ ପଞ୍ଚସ୍ତରି ଶେକଲ
\f +
\fr 38:25
\ft ପ୍ରାୟ ଏକ ହଜାର କିଲୋଗ୍ରାମ୍
\f* ଥିଲା।
\v 26 ପ୍ରତ୍ୟେକ ଗଣିତ ଲୋକଙ୍କ ନିମନ୍ତେ, ଅର୍ଥାତ୍‍, ଯେଉଁମାନେ ବିଂଶତି ବର୍ଷ ବୟସ୍କ ଅବା ତହିଁରୁ ଅଧିକ ବୟସ୍କ ଥିଲେ, ସେହି ଛଅ ଲକ୍ଷ ତିନି ସହସ୍ର ପାଞ୍ଚଶହ ପଚାଶ ଲୋକଙ୍କ ମଧ୍ୟରୁ ପ୍ରତ୍ୟେକ ଜଣ ନିମନ୍ତେ ଏକ ଏକ ବେକା, ଅର୍ଥାତ୍‍, ପବିତ୍ର ସ୍ଥାନର ଶେକଲାନୁସାରେ ଅର୍ଦ୍ଧ ଅର୍ଦ୍ଧ ଶେକଲ ଦେବାକୁ ହୋଇଥିଲା।
\s5
\v 27 ଏଣୁ ସେହି ଏକଶହ ତାଳନ୍ତ ରୂପାରେ
\f +
\fr 38:27
\ft ୩,୩୦୦ କିଲୋଗ୍ରାମ୍ ରୂପା
\f* ପବିତ୍ର ସ୍ଥାନର ଓ ବିଚ୍ଛେଦ ବସ୍ତ୍ରର ଚୁଙ୍ଗୀ ଢଳାଗଲା; ଏକଶହ ଚୁଙ୍ଗୀ ନିମନ୍ତେ ଏକଶହ ତାଳନ୍ତ, ଅର୍ଥାତ୍‍, ଏକ ଏକ ଚୁଙ୍ଗୀ ନିମନ୍ତେ ଏକ ଏକ ତାଳନ୍ତ ବ୍ୟୟ ହେଲା।
\v 28 ପୁଣି, ସେହି ଏକ ସହସ୍ର ସାତଶହ ପଞ୍ଚସ୍ତରି ଶେକଲ
\f +
\fr 38:28
\ft ଏକ ଶେକଲର ଓଜନ 11 ଗ୍ରାମ୍ ଅଟେ
\f* ରୂପାରେ ସେ ସ୍ତମ୍ଭ ନିମନ୍ତେ ଆଙ୍କୁଡ଼ା ନିର୍ମାଣ କଲେ ଓ ତହିଁର ମୁଣ୍ଡାଳି ମଣ୍ଡିତ ଓ ବନ୍ଧନୀରେ ସଂଯୁକ୍ତ କଲେ।
\v 29 ପୁଣି, ନୈବେଦ୍ୟର ପିତ୍ତଳ ସତୁରି ତାଳନ୍ତ ଦୁଇ ସହସ୍ର ଚାରିଶହ ଶେକଲ
\f +
\fr 38:29
\ft ସର୍ବମୋଟ ପ୍ରାୟ ,୪୨୫ କିଲୋଗ୍ରାମ୍
\f* ଥିଲା।
\s5
\v 30 ଏଣୁ ସେ ତାହା ଦ୍ୱାରା ସମାଗମ-ତମ୍ବୁ ଦ୍ୱାରର ଚୁଙ୍ଗୀ, ପିତ୍ତଳର ବେଦି, ତହିଁର ପିତ୍ତଳର ଝାଞ୍ଜିରୀ ଓ ବେଦିର ସମସ୍ତ ପାତ୍ର,
\v 31 ପୁଣି, ପ୍ରାଙ୍ଗଣର ଚତୁର୍ଦ୍ଦିଗର ଚୁଙ୍ଗୀ, ପ୍ରାଙ୍ଗଣ ଦ୍ୱାରର ଚୁଙ୍ଗୀ, ଆବାସର ସମସ୍ତ ମେଖ ଓ ପ୍ରାଙ୍ଗଣର ଚତୁର୍ଦ୍ଦିଗର ମେଖସକଳ ନିର୍ମାଣ କଲେ।
\s5
\c 39
\s ଯାଜକୀୟ ବସ୍ତ୍ରର ପ୍ରସ୍ତୁତି
\p
\v 1 ଏଥିଉତ୍ତାରେ ଲୋକମାନେ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ନୀଳ, ଧୂମ୍ର ଓ ସିନ୍ଦୂର ବର୍ଣ୍ଣ ସୂତ୍ର ଦ୍ୱାରା ପବିତ୍ର ସ୍ଥାନରେ ସେବା କରିବା ନିମନ୍ତେ ସୁଶୋଭିତ ବସ୍ତ୍ର ପ୍ରସ୍ତୁତ କଲେ, ଆଉ ହାରୋଣଙ୍କ ନିମନ୍ତେ ପବିତ୍ର ବସ୍ତ୍ର ପ୍ରସ୍ତୁତ କଲେ।
\s5
\v 2 ପୁଣି, ସେ ସୁବର୍ଣ୍ଣ ଦ୍ୱାରା, ନୀଳ, ଧୂମ୍ର, ସିନ୍ଦୂର ବର୍ଣ୍ଣ ଓ ବଳା ଶୁଭ୍ର କ୍ଷୌମସୂତ୍ର ଦ୍ୱାରା ଏଫୋଦ-ବସ୍ତ୍ର ପ୍ରସ୍ତୁତ କଲେ।
\v 3 ଅର୍ଥାତ୍‍, ସେମାନେ ସ୍ୱର୍ଣ୍ଣ ପିଟାଇ ପାତଳ ପତ୍ର କରି ଶିଳ୍ପ କର୍ମ ଦ୍ୱାରା ନୀଳ, ଧୂମ୍ର, ସିନ୍ଦୂର ବର୍ଣ୍ଣ ଓ ଶୁଭ୍ର କ୍ଷୌମସୂତ୍ର ମଧ୍ୟରେ ବୁଣିବା ପାଇଁ ତାହା କାଟି ଜରୀ କଲେ।
\s5
\v 4 ସେମାନେ ପରସ୍ପର ସଂଯୁକ୍ତ ଦୁଇ ସ୍କନ୍ଧପଟି କଲେ; ତହିଁର ଦୁଇ ମୁଣ୍ଡରେ ପରସ୍ପର ଯୋଡ଼ ଦିଆଗଲା।
\v 5 ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଏଫୋଦର ଉପରିସ୍ଥ ଯେଉଁ ଚିତ୍ରିତ ପଟୁକା ତହିଁର ଅଂଶ ଥିଲା, ତାହା ମଧ୍ୟ ସେହି କର୍ମାନୁସାରେ ସୁବର୍ଣ୍ଣ ଦ୍ୱାରା, ନୀଳ, ଧୂମ୍ର, ସିନ୍ଦୂର ବର୍ଣ୍ଣ ଓ ବଳା ଶୁଭ୍ର କ୍ଷୌମସୂତ୍ର ଦ୍ୱାରା ନିର୍ମିତ ହେଲା।
\s5
\v 6 ଆହୁରି ସେମାନେ ଇସ୍ରାଏଲ-ପୁତ୍ରଗଣର ନାମାନୁସାରେ ଖୋଦିତ ମୁଦ୍ରାନ୍ୟାୟ ଖୋଦିତ ଓ ସ୍ୱର୍ଣ୍ଣାଧାରରେ ଖଚିତ ଦୁଇ ଗୋମେଦକ ମଣି ପ୍ରସ୍ତୁତ କଲେ।
\v 7 ପୁଣି, ସେ ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଏଫୋଦର ଦୁଇ ସ୍କନ୍ଧପଟି ଉପରେ ଇସ୍ରାଏଲ ପୁତ୍ରମାନଙ୍କ ସ୍ମରଣାର୍ଥକ ମଣି ରୂପେ ତାହା ବସାଇଲେ।
\s5
\v 8 ଏଥିଉତ୍ତାରେ ସେ ଏଫୋଦର କର୍ମନ୍ୟାୟ ସୁବର୍ଣ୍ଣ ଦ୍ୱାରା, ନୀଳ, ଧୂମ୍ର, ସିନ୍ଦୂର ବର୍ଣ୍ଣ ଓ ବଳା ଶୁଭ୍ର କ୍ଷୌମସୂତ୍ର ଦ୍ୱାରା ନିପୁଣ ଶିଳ୍ପକାରର କର୍ମରେ ବୁକୁପଟା ନିର୍ମାଣ କଲେ।
\v 9 ତାହା ଚତୁଷ୍କୋଣ ଥିଲା, ଅର୍ଥାତ୍‍, ସେମାନେ ସେହି ବୁକୁପଟା ଦୋହରା କରି ଏକ ଚାଖଣ୍ଡ ଦୀର୍ଘ ଓ ଏକ ଚାଖଣ୍ଡ ପ୍ରସ୍ଥ କଲେ।
\s5
\v 10 ପୁଣି, ତାହା ଚାରି ଧାଡି ମଣିରେ ଖଚିତ କଲେ; ତହିଁର ପ୍ରଥମ ଧାଡିରେ ଚୁଣି, ପୀତମଣି ଓ ମରକତ,
\v 11 ଦ୍ୱିତୀୟ ଧାଡିରେ ପଦ୍ମରାଗ, ନୀଳକାନ୍ତ ଓ ହୀରକ,
\v 12 ତୃତୀୟ ଧାଡିରେ ପେରୋଜ, ଯିସ୍ମ ଓ କଟାହେଳା,
\v 13 ପୁଣି, ଚତୁର୍ଥ ଧାଡିରେ ବୈଦୁର୍ଯ୍ୟ, ଗୋମେଦକ ଓ ସୂର୍ଯ୍ୟକାନ୍ତ ମଣି ଥିଲା; ଏହିସବୁ ମଣି ସ୍ୱର୍ଣ୍ଣାଧାରରେ ବସାଗଲା।
\s5
\v 14 ପୁଣି, ଇସ୍ରାଏଲ-ପୁତ୍ରମାନଙ୍କ ନାମାଙ୍କିତ ଏହି ସବୁ ମଣି ସେମାନଙ୍କ ନାମାନୁସାରେ ଦ୍ୱାଦଶ ହେଲା ଓ ମୁଦ୍ରାନ୍ୟାୟ ଏକ ଏକ ମଣିରେ ଦ୍ୱାଦଶ ବଂଶର ଏକ ଏକ ନାମ ରହିଲା।
\v 15 ଏଉତ୍ତାରେ ସେମାନେ ବୁକୁପଟାରେ ନିର୍ମଳ ସୁବର୍ଣ୍ଣ ଦ୍ୱାରା ମାଳା ତୁଲ୍ୟ ମୋଡ଼ା ଜଞ୍ଜିର ନିର୍ମାଣ କଲେ।
\v 16 ଦୁଇ ସ୍ୱର୍ଣ୍ଣାଧାରା ଓ ଦୁଇ ସ୍ୱର୍ଣ୍ଣକଡ଼ା ନିର୍ମାଣ କରି ବୁକୁପଟାର ଦୁଇ ପ୍ରାନ୍ତରେ ସେହି ଦୁଇ କଡ଼ା ଲଗାଇଲେ।
\s5
\v 17 ଆଉ ବୁକୁପଟାର ପ୍ରାନ୍ତସ୍ଥିତ ଦୁଇ କଡ଼ା ମଧ୍ୟରେ ସେହି ଦୁଇ ମୋଡ଼ା ସ୍ୱର୍ଣ୍ଣ ଜଞ୍ଜିର ଲଗାଇଲେ।
\v 18 ପୁଣି, ମୋଡ଼ା ଜଞ୍ଜିରର ଦୁଇ ମୁଣ୍ଡ ଦୁଇ ଆଧାରରେ ବନ୍ଦ କରି ଏଫୋଦ ବସ୍ତ୍ର ସମ୍ମୁଖସ୍ଥ ଦୁଇ ସ୍କନ୍ଧପଟି ଉପରେ ରଖିଲେ।
\s5
\v 19 ପୁଣି, ସେମାନେ ଦୁଇ ସ୍ୱର୍ଣ୍ଣକଡ଼ା ନିର୍ମାଣ କରି ବୁକୁପଟାର ଦୁଇ ପ୍ରାନ୍ତରେ ଏଫୋଦର ସମ୍ମୁଖସ୍ଥ ଭିତର ଭାଗରେ ରଖିଲେ।
\v 20 ସେମାନେ ଆଉ ଦୁଇ ସ୍ୱର୍ଣ୍ଣକଡ଼ା କରି ଏଫୋଦର ଦୁଇ ସ୍କନ୍ଧପଟି ତଳେ ତହିଁ ସମ୍ମୁଖ ଭାଗର ଯୋଡ଼ସ୍ଥାନରେ ଏଫୋଦର ଚିତ୍ରିତ ପଟୁକା ଉପରେ ତାହା ରଖିଲେ।
\s5
\v 21 ଆଉ ବୁକୁପଟା ଯେପରି ଏଫୋଦର ଚିତ୍ରିତ ପଟୁକା ଉପରେ ଥାଇ ଏଫୋଦରୁ ଖସି ନ ପଡ଼େ, ଏଥିପାଇଁ ସେମାନେ ବୁକୁପଟାକୁ ନିଜ କଡ଼ାରେ ନୀଳ ସୂତ୍ର ଦ୍ୱାରା ଏଫୋଦର କଡ଼ା ସହିତ ବନ୍ଦ କରି ରଖିଲେ; ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଏହା କରାଗଲା।
\s5
\v 22 ଏଥିଉତ୍ତାରେ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସେ ବୁଣା କର୍ମରେ ଏଫୋଦର ଚୋଗା ସମ୍ପୂର୍ଣ୍ଣ ନୀଳ ବର୍ଣ୍ଣ କଲେ।
\v 23 ସେହି ଚୋଗାର ମଧ୍ୟସ୍ଥଳରେ ସାଞ୍ଜୁଆର ଗଳଦେଶନ୍ୟାୟ ଛିଦ୍ର ଥିଲା; ତାହା ଯେପରି ଛିଣ୍ଡି ନ ଯାଏ, ଏଥିପାଇଁ ସେହି ଗଳାର ଚାରି ପାଖରେ ବୁଣା କର୍ମ ଥିଲା।
\v 24 ପୁଣି, ସେମାନେ ଚୋଗାର ଅଞ୍ଚଳର ଚତୁର୍ଦ୍ଦିଗରେ ନୀଳ, ଧୂମ୍ର ଓ ସିନ୍ଦୂର ବର୍ଣ୍ଣ ବଳା ସୂତ୍ରରେ ଡାଳିମ୍ବ ନିର୍ମାଣ କଲେ।
\s5
\v 25 ଆଉ ସେମାନେ ଡାଳିମ୍ବ ମଧ୍ୟରେ ନିର୍ମଳ ସ୍ୱର୍ଣ୍ଣ ଦ୍ୱାରା ଘଣ୍ଟି କରି ଚୋଗା ଅଞ୍ଚଳର ଚାରିଆଡ଼ରେ ଡାଳିମ୍ବର ମଧ୍ୟେ ମଧ୍ୟେ ରଖିଲେ;
\v 26 ଅର୍ଥାତ୍‍, ସେବାକରଣାର୍ଥକ ଚୋଗା ଅଞ୍ଚଳର ଚାରିଆଡ଼ରେ ଏକ ଘଣ୍ଟି ଉତ୍ତାରୁ ଏକ ଡାଳିମ୍ବ ଓ ଏକ ଘଣ୍ଟି ଉତ୍ତାରୁ ଏକ ଡାଳିମ୍ବ, ଏହିରୂପେ କଲେ।
\s5
\v 27 ଏଥିଉତ୍ତାରେ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସେମାନେ ହାରୋଣ ଓ ତାଙ୍କର ପୁତ୍ରଗଣ ନିମନ୍ତେ ଶୁଭ୍ର କ୍ଷୌମସୂତ୍ର ଦ୍ୱାରା ତନ୍ତୁବାୟ ନିର୍ମିତ ଜାମା
\v 28 ଓ ଶୁଭ୍ର କ୍ଷୌମସୂତ୍ର ନିର୍ମିତ ପଗଡି, ଶୁଭ୍ର କ୍ଷୌମସୂତ୍ର ନିର୍ମିତ ଶିରୋଭୂଷଣ ଓ ବଳା ଶୁଭ୍ର କ୍ଷୌମସୂତ୍ର ନିର୍ମିତ ଶୁକ୍ଳ ଜଙ୍ଘିଆ ପ୍ରସ୍ତୁତ କଲେ।
\v 29 ଆଉ ବଳା ଶୁଭ୍ର କ୍ଷୋମ, ନୀଳ, ଧୂମ୍ର ଓ ସିନ୍ଦୂର ବର୍ଣ୍ଣ ସୂତ୍ରରେ ସୂଚି କର୍ମ ବିଶିଷ୍ଟ ଏକ କଟିବନ୍ଧନ ପ୍ରସ୍ତୁତ କଲେ।
\s5
\v 30 ଏଥିଉତ୍ତାରେ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସେମାନେ ନିର୍ମଳ ସୁବର୍ଣ୍ଣରେ ପବିତ୍ର ମୁକୁଟର ପତ୍ର ପ୍ରସ୍ତୁତ କରି ଖୋଦିତ ମୁଦ୍ରାନ୍ୟାୟ ତହିଁ ଉପରେ “ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର” ଏହା ଲେଖିଲେ।
\v 31 ପୁଣି, ଉର୍ଦ୍ଧ୍ୱରେ ପାଗ ଉପରେ ରଖିବା ନିମନ୍ତେ ତାହା ନୀଳ ସୂତ୍ରରେ ବାନ୍ଧିଲେ।
\s ଆବାସର ସମସ୍ତ ନିର୍ମାଣ କାର୍ଯ୍ୟର ସମାପ୍ତି
\p
\s5
\v 32 ଏହି ପ୍ରକାରେ ସମାଗମ-ତମ୍ବୁରୂପ ଆବାସର ସମସ୍ତ କାର୍ଯ୍ୟ ସମାପ୍ତ ହେଲା; ଇସ୍ରାଏଲ ସନ୍ତାନଗଣ ତାହା କଲେ, ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସେମାନେ ସମସ୍ତ କର୍ମ କଲେ।
\v 33 ଏଥିଉତ୍ତାରେ ସେମାନେ ମୋଶାଙ୍କ ନିକଟକୁ ସେହି ଆବାସ ଆଣିଲେ, ଅର୍ଥାତ୍‍, ତମ୍ବୁ ଓ ତହିଁର ସକଳ ପାତ୍ର, ଆଙ୍କୁଡ଼ା, ପଟା, ଅର୍ଗଳ, ଆଉ ସ୍ତମ୍ଭ ଓ ଚୁଙ୍ଗୀ;
\v 34 ପୁଣି, ରକ୍ତୀକୃତ ମେଷଚର୍ମ ନିର୍ମିତ ଛାତ ଓ ଶିଶୁକଚର୍ମ ନିର୍ମିତ ଛାତ ଓ ଆଚ୍ଛାଦନର ବିଚ୍ଛେଦ ବସ୍ତ୍ର;
\v 35 ସାକ୍ଷ୍ୟ ସିନ୍ଦୁକ, ତହିଁର ସାଙ୍ଗୀ ଓ ପାପାଚ୍ଛାଦନ
\s5
\v 36 ମେଜ, ତହିଁର ସକଳ ପାତ୍ର ଓ ଦର୍ଶନୀୟ ରୁଟି,
\v 37 ନିର୍ମଳ ଦୀପବୃକ୍ଷ, ତହିଁର ପ୍ରଦୀପ, ଅର୍ଥାତ୍‍, ପ୍ରଦୀପାବଳୀ ଓ ତହିଁର ସକଳ ପାତ୍ର ଓ ଦୀପାର୍ଥକ ତୈଳ;
\v 38 ଆଉ ସ୍ୱର୍ଣ୍ଣମୟ ବେଦି, ଅଭିଷେକାର୍ଥକ ତୈଳ, ଧୂପାର୍ଥକ ସୁଗନ୍ଧି ଦ୍ରବ୍ୟ ଓ ତମ୍ବୁଦ୍ୱାରର ଆଚ୍ଛାଦନ ବସ୍ତ୍ର;
\v 39 ପିତ୍ତଳର ବେଦି ଓ ତହିଁର ପିତ୍ତଳ-ଝାଞ୍ଜିରୀ, ତହିଁର ସାଙ୍ଗୀ ଓ ସକଳ ପାତ୍ର, ପ୍ରକ୍ଷାଳନ ପାତ୍ର ଓ ତହିଁର ବୈଠିକି;
\s5
\v 40 ପ୍ରାଙ୍ଗଣର ପରଦା, ତହିଁର ସ୍ତମ୍ଭ ଓ ଚୁଙ୍ଗୀ ଓ ପ୍ରାଙ୍ଗଣ ଦ୍ୱାରର ଆଚ୍ଛାଦନ ବସ୍ତ୍ର, ତହିଁର ରଜ୍ଜୁ ଓ ମେଖ ଓ ସମାଗମ-ତମ୍ବୁ ନିମନ୍ତେ ଆବାସର କାର୍ଯ୍ୟ ସମ୍ବନ୍ଧୀୟ ସକଳ ପାତ୍ର;
\v 41 ପବିତ୍ର ସ୍ଥାନରେ ସେବାକରଣାର୍ଥକ ସୁଶୋଭିତ ବସ୍ତ୍ର, ଅର୍ଥାତ୍‍, ହାରୋଣ ଯାଜକର ପବିତ୍ର ବସ୍ତ୍ର ଓ ତାହାର ପୁତ୍ରମାନଙ୍କର ଯାଜକ କର୍ମ ସମ୍ବନ୍ଧୀୟ ବସ୍ତ୍ର,
\s5
\v 42 ଇତ୍ୟାଦି ଯେଉଁ ଯେଉଁ କାର୍ଯ୍ୟ କରିବାକୁ ମୋଶାଙ୍କ ପ୍ରତି ସଦାପ୍ରଭୁ ଆଜ୍ଞା ଦେଇଥିଲେ, ଇସ୍ରାଏଲ ସନ୍ତାନଗଣ ତାହାସବୁ ସମ୍ପନ୍ନ କଲେ।
\v 43 ଏଥିରେ ମୋଶା ସେହି ସମସ୍ତ କାର୍ଯ୍ୟ ପ୍ରତି ଦୃଷ୍ଟି କଲେ, ଆଉ ଦେଖ, ସେମାନେ ସବୁ କରିଅଛନ୍ତି; ସଦାପ୍ରଭୁ ଯେପରି ଆଜ୍ଞା ଦେଇଥିଲେ, ସେମାନେ ସେହିପରି ସବୁ କରିଥିଲେ; ତହିଁରେ ମୋଶା ସେମାନଙ୍କୁ ଆଶୀର୍ବାଦ କଲେ।
\s5
\c 40
\s ଆବାସର ସ୍ଥାପନା ଏବଂ ଅଭିଷେକ
\p
\v 1 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
\v 2 “ତୁମ୍ଭେ ପ୍ରଥମ ମାସରେ ପ୍ରଥମ ଦିନରେ ସମାଗମ-ତମ୍ବୁର ଆବାସ ସ୍ଥାପନ କରିବ।”
\s5
\v 3 ପୁଣି, ତହିଁ ମଧ୍ୟରେ ସାକ୍ଷ୍ୟ ସିନ୍ଦୁକ ରଖି ବିଚ୍ଛେଦ ବସ୍ତ୍ର ଟଙ୍ଗାଇ ସେହି ସିନ୍ଦୁକ ଆଚ୍ଛାଦନ କରିବ।
\v 4 ଏଉତ୍ତାରେ ମେଜ ଭିତରକୁ ଆଣି ତହିଁ ଉପରିସ୍ଥିତ ଦ୍ରବ୍ୟମାନ ଧାରାନୁସାରେ ରଖିବ; ଆଉ ଦୀପବୃକ୍ଷ ଭିତରକୁ ଆଣି ତହିଁର ପ୍ରଦୀପ ସକଳ ଜାଳିବ।
\s5
\v 5 ସାକ୍ଷ୍ୟ ସିନ୍ଦୁକ ସମ୍ମୁଖରେ ସ୍ୱର୍ଣ୍ଣର ଧୂପବେଦି ରଖିବ, ପୁଣି, ଆବାସ-ଦ୍ୱାରର ଆଚ୍ଛାଦନ ବସ୍ତ୍ର ଟଙ୍ଗାଇବ।
\v 6 ଆଉ ସମାଗମ-ତମ୍ବୁର ଆବାସ ଦ୍ୱାର ସମ୍ମୁଖରେ ହୋମବେଦି ରଖିବ।
\v 7 ସମାଗମ-ତମ୍ବୁ ଓ ବେଦି ମଧ୍ୟରେ ପ୍ରକ୍ଷାଳନ ପାତ୍ର ରଖି ତହିଁରେ ଜଳ ଦେବ।
\s5
\v 8 ପୁଣି, ଚତୁର୍ଦ୍ଦିଗରେ ପ୍ରାଙ୍ଗଣ ପ୍ରସ୍ତୁତ କରିବ ଓ ପ୍ରାଙ୍ଗଣ ଦ୍ୱାରରେ ଆଚ୍ଛାଦନ ବସ୍ତ୍ର ଟଙ୍ଗାଇବ।
\v 9 ଏଉତ୍ତାରେ ଅଭିଷେକାର୍ଥକ ତୈଳ ନେଇ ଆବାସ ଓ ତନ୍ମଧ୍ୟସ୍ଥିତ ସମସ୍ତ ବସ୍ତୁ ଅଭିଷେକ କରି ତାହା ଓ ତହିଁର ସକଳ ପାତ୍ର ପବିତ୍ର କରିବ; ତହିଁରେ ତାହା ପବିତ୍ର ହେବ।
\v 10 ଆଉ, ତୁମ୍ଭେ ହୋମବେଦି ଓ ତହିଁର ସକଳ ପାତ୍ର ଅଭିଷେକ କରି ପବିତ୍ର କରିବ; ତହିଁରେ ସେହି ବେଦି ମହାପବିତ୍ର ହେବ।
\v 11 ଆଉ ତୁମ୍ଭେ ପ୍ରକ୍ଷାଳନ ପାତ୍ର ଓ ତହିଁର ବୈଠିକି ଅଭିଷେକ କରି ପବିତ୍ର କରିବ।
\s5
\v 12 ଏଉତ୍ତାରେ ତୁମ୍ଭେ ହାରୋଣକୁ ଓ ତାହାର ପୁତ୍ରଗଣକୁ ସମାଗମ-ତମ୍ବୁର ଦ୍ୱାର ନିକଟକୁ ଆଣି ଜଳରେ ସ୍ନାନ କରାଇବ।
\v 13 ପୁଣି, ଆମ୍ଭ ଉଦ୍ଦେଶ୍ୟରେ ଯାଜକ କର୍ମ କରିବା ନିମନ୍ତେ ହାରୋଣକୁ ପବିତ୍ର ବସ୍ତ୍ର ପରିଧାନ କରାଇ ଅଭିଷେକ କରି ପ୍ରତିଷ୍ଠା କରିବ।
\s5
\v 14 ଆଉ ତାହାର ପୁତ୍ରଗଣକୁ ଆଣି ଜାମା ପିନ୍ଧାଇବ।
\v 15 ପୁଣି, ସେମାନଙ୍କ ପିତାକୁ ଯେରୂପ ଅଭିଷେକ କଲ, ସେହିରୂପ ସେମାନଙ୍କୁ ଅଭିଷେକ କରିବ, ତହିଁରେ ସେମାନେ ଆମ୍ଭର ଯାଜକ କର୍ମ କରିବେ; ସେହି ଅଭିଷେକ ସେମାନଙ୍କ ପୁରୁଷାନୁକ୍ରମେ ଅନନ୍ତକାଳୀନ ଯାଜକତ୍ୱର ମୂଳ ହେବ।
\v 16 ମୋଶା ଏହିରୂପ କଲେ; ସେ ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସମସ୍ତ କଲେ।
\s5
\v 17 ଏଥିଉତ୍ତାରେ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଦ୍ୱିତୀୟ ବର୍ଷର ପ୍ରଥମ ମାସର ପ୍ରଥମ ଦିନରେ ଆବାସ ସ୍ଥାପିତ ହେଲା।
\v 18 ପୁଣି, ମୋଶା ଆବାସ ସ୍ଥାପନ କରି ତହିଁର ଚୁଙ୍ଗୀ ଦେଇ ପଟା ବସାଇ ଅର୍ଗଳ ପ୍ରବେଶ କରାଇ ତହିଁର ସ୍ତମ୍ଭ ଠିଆ କଲେ।
\v 19 ତହୁଁ ସେ ଆବାସ ଉପରେ ତମ୍ବୁ ବିସ୍ତାର କଲେ ଓ ତମ୍ବୁ ଉପରେ ଛାତ ଦେଲେ;
\v 20 ଏଥିଉତ୍ତାରେ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସେ ସାକ୍ଷ୍ୟପତ୍ର ଘେନି ସିନ୍ଦୁକ ଭିତରେ ରଖିଲେ ଓ ସିନ୍ଦୁକରେ ସାଙ୍ଗୀ ଲଗାଇ ସିନ୍ଦୁକ ଉପରେ ପାପାଚ୍ଛାଦନ ରଖିଲେ;
\s5
\v 21 ପୁଣି, ଆବାସ ଭିତରକୁ ସିନ୍ଦୁକ ଆଣିଲେ ଓ ଆଚ୍ଛାଦନର ବିଚ୍ଛେଦବସ୍ତ୍ର ଟଙ୍ଗାଇ ସାକ୍ଷ୍ୟ ସିନ୍ଦୁକ ଆଚ୍ଛାଦନ କଲେ।
\v 22 ଏଉତ୍ତାରେ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସେ ଆବାସର ଉତ୍ତର ପାର୍ଶ୍ୱରେ ବିଚ୍ଛେଦ ବସ୍ତ୍ରର ବାହାରେ ସମାଗମ-ତମ୍ବୁରେ ମେଜ ରଖିଲେ;
\v 23 ପୁଣି, ସେ ସଦାପ୍ରଭୁଙ୍କ ସମ୍ମୁଖରେ ଧାରାନୁସାରେ ତହିଁ ଉପରେ ରୁଟି ରଖିଲେ।
\s5
\v 24 ଏଥିଉତ୍ତାରେ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ମେଜ ସମ୍ମୁଖରେ ଆବାସର ଦକ୍ଷିଣ ପାର୍ଶ୍ୱରେ ସମାଗମ-ତମ୍ବୁରେ ଦୀପବୃକ୍ଷ ରଖିଲେ
\v 25 ଓ ସଦାପ୍ରଭୁଙ୍କ ସମ୍ମୁଖରେ ପ୍ରଦୀପ ଜାଳିଲେ।
\s5
\v 26 ଆଉ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସେ ସମାଗମ-ତମ୍ବୁରେ ବିଚ୍ଛେଦ ବସ୍ତ୍ର ସମ୍ମୁଖରେ ସ୍ୱର୍ଣ୍ଣ-ବେଦି ରଖିଲେ
\v 27 ଓ ତହିଁ ଉପରେ ସୁଗନ୍ଧି ଧୂପ ଜାଳିଲେ।
\s5
\v 28 ପୁଣି, ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସେ ଆବାସ-ଦ୍ୱାରରେ ଆଚ୍ଛାଦନ ବସ୍ତ୍ର ଟଙ୍ଗାଇଲେ
\v 29 ଓ ସମାଗମ-ତମ୍ବୁର ଆବାସ-ଦ୍ୱାର ନିକଟରେ ହୋମବେଦି ରଖି ତହିଁ ଉପରେ ହୋମବଳି ଓ ନୈବେଦ୍ୟ ଉତ୍ସର୍ଗ କଲେ।
\v 30 ଏଉତ୍ତାରେ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସେ ସମାଗମ-ତମ୍ବୁ ଓ ବେଦି ମଧ୍ୟସ୍ଥାନରେ ପ୍ରକ୍ଷାଳନ ପାତ୍ର ରଖି ତହିଁ ମଧ୍ୟରେ ପ୍ରକ୍ଷାଳନ ନିମନ୍ତେ ଜଳ ଦେଲେ।
\s5
\v 31 ତହିଁରେ ମୋଶା, ହାରୋଣ ଓ ତାଙ୍କର ପୁତ୍ରଗଣ ଆପଣା ଆପଣା ହସ୍ତ ପଦ ପ୍ରକ୍ଷାଳନ କଲେ।
\v 32 ଯେକୌଣସି ସମୟରେ ସେମାନେ ସମାଗମ-ତମ୍ବୁରେ ପ୍ରବେଶ କଲେ ବା ବେଦିର ନିକଟବର୍ତ୍ତୀ ହେଲେ, ସେହି ସମୟରେ ସେମାନେ ପ୍ରକ୍ଷାଳନ କଲେ।
\v 33 ଏଉତ୍ତାରେ ସେ ଆବାସର ଓ ବେଦିର ଚତୁର୍ଦ୍ଦିଗରେ ପ୍ରାଙ୍ଗଣ ପ୍ରସ୍ତୁତ କଲେ ଓ ପ୍ରାଙ୍ଗଣ ଦ୍ୱାରରେ ଆଚ୍ଛାଦନ ବସ୍ତ୍ର ଟଙ୍ଗାଇଲେ, ଏହିରୂପେ ମୋଶା ସେହି କାର୍ଯ୍ୟ ସମାପ୍ତ କଲେ।
\s ସଦାପ୍ରଭୁଙ୍କର ପ୍ରତାପ
\p
\s5
\v 34 ଏଥିଉତ୍ତାରେ ମେଘ ସେହି ସମାଗମ-ତମ୍ବୁକୁ ଆଚ୍ଛାଦନ କଲା ଓ ସଦାପ୍ରଭୁଙ୍କର ପ୍ରତାପ ଆବାସକୁ ପରିପୂର୍ଣ୍ଣ କଲା।
\v 35 ତହିଁରେ ମୋଶା ସମାଗମ-ତମ୍ବୁରେ ପ୍ରବେଶ କରି ପାରିଲେ ନାହିଁ, କାରଣ ମେଘ ତହିଁ ଉପରେ ଅବସ୍ଥିତି କରିଥିଲା ଓ ସଦାପ୍ରଭୁଙ୍କ ପ୍ରତାପ ଆବାସକୁ ପରିପୂର୍ଣ୍ଣ କରିଥିଲା।
\s5
\v 36 ପୁଣି, ଆବାସ-ଉପରୁ ଯେତେବେଳେ ମେଘ ନିଆଗଲା, ସେତେବେଳେ ଇସ୍ରାଏଲ ସନ୍ତାନଗଣ ଆପଣାମାନଙ୍କ ଯାତ୍ରାରେ ଅଗ୍ରସର ହେଲେ।
\v 37 ମାତ୍ର ମେଘ ଯେତେବେଳେ ଉର୍ଦ୍ଧ୍ୱକୁ ନିତ ହେଲା ନାହିଁ, ସେତେବେଳେ ଉର୍ଦ୍ଧ୍ୱକୁ ନିତ ନ ହେବା ଦିନ ପର୍ଯ୍ୟନ୍ତ ସେମାନେ ଯାତ୍ରା କଲେ ନାହିଁ।
\v 38 କାରଣ, ସମସ୍ତ ଇସ୍ରାଏଲ ବଂଶର ଦୃଷ୍ଟିଗୋଚରରେ ସେମାନଙ୍କ ସମସ୍ତ ଯାତ୍ରାରେ ଦିନ ବେଳେ ସଦାପ୍ରଭୁଙ୍କର ମେଘ ଓ ରାତ୍ରିରେ ଅଗ୍ନି ଆବାସ ଉପରେ ଅବସ୍ଥିତି କଲା।