or_ulb/04-NUM.usfm

2199 lines
421 KiB
Plaintext

\id NUM - Odia Old Version Revision
\ide UTF-8
\rem Copyright Information: Creative Commons Attribution- ShareAlike 4.0 License
\h ଗଣନା ପୁସ୍ତକ
\toc1 ଗଣନା ପୁସ୍ତକ
\toc2 ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ
\toc3 num
\mt1 ଗଣନା ପୁସ୍ତକ
\mt2 ଅର୍ଥାତ୍‍
\mt2 ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ
\s5
\c 1
\s ଇସ୍ରାଏଲ ଯୋଦ୍ଧାଙ୍କର ଗଣନା
\p
\v 1 ଏଥିଉତ୍ତାରେ ଲୋକମାନେ ମିସର ଦେଶରୁ ବାହାର ହେବାର ଦ୍ୱିତୀୟ ବର୍ଷର ଦ୍ୱିତୀୟ ମାସର ପ୍ରଥମ ଦିନରେ ସଦାପ୍ରଭୁ ସୀନୟ ପ୍ରାନ୍ତରରେ ସମାଗମ-ତମ୍ବୁ ମଧ୍ୟରେ ମୋଶାଙ୍କୁ କହିଲେ,
\v 2 “ତୁମ୍ଭେମାନେ ଇସ୍ରାଏଲ ସନ୍ତାନଗଣର ସମସ୍ତ ମଣ୍ଡଳୀର ବଂଶ ଅନୁସାରେ ଓ ପିତୃଗୃହ ଅନୁସାରେ ଓ ନାମସଂଖ୍ୟାନୁସାରେ ପ୍ରତ୍ୟେକ ପୁରୁଷର ମସ୍ତକ ଗଣନା କର।”
\v 3 କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ଯେତେ ପୁରୁଷ ଇସ୍ରାଏଲ ମଧ୍ୟରୁ ଯୁଦ୍ଧକୁ ଯିବାର ଯୋଗ୍ୟ, ସେମାନଙ୍କ ସୈନ୍ୟାନୁସାରେ ତୁମ୍ଭେ ଓ ହାରୋଣ ସେମାନଙ୍କୁ ଗଣନା କର।
\s5
\v 4 ପୁଣି, ପ୍ରତ୍ୟେକ ବଂଶରୁ ଏକ ଏକ ଜଣ, ଅର୍ଥାତ୍‍, ଆପଣା ଆପଣା ପିତୃବଂଶର ପ୍ରଧାନ ଲୋକ ତୁମ୍ଭମାନଙ୍କର ସହକାରୀ ହେବେ।
\v 5 ଆଉ ଯେଉଁମାନେ ତୁମ୍ଭମାନଙ୍କର ସହକାରୀ ହେବେ, ସେମାନଙ୍କର ନାମ ଏହି: ଯଥା, ରୁବେନ୍‍ ବଂଶର ଶଦେୟରର ପୁତ୍ର ଇଲୀଷୂର।
\v 6 ଶିମୀୟୋନ ବଂଶର ସୂରୀଶଦ୍ଦୟର ପୁତ୍ର ଶଲୁମୀୟେଲ।
\s5
\v 7 ଯିହୁଦା ବଂଶର; ଅମ୍ମୀନାଦବର ପୁତ୍ର ନହଶୋନ୍‍
\v 8 ଇଷାଖର ବଂଶର; ସୂୟାରର ପୁତ୍ର ନଥନେଲ।
\v 9 ସବୂଲୂନ ବଂଶର ହେଲୋନର ପୁତ୍ର ଇଲୀୟାବ୍‍
\s5
\v 10 ଯୋଷେଫର ପୁତ୍ରଗଣ ମଧ୍ୟରୁ ଇଫ୍ରୟିମ ବଂଶର; ଅମ୍ମୀହୂଦର ପୁତ୍ର ଇଲୀଶାମା; ମନଃଶି ବଂଶର; ପଦାହସୂରର ପୁତ୍ର ଗମଲୀୟେଲ।
\v 11 ବିନ୍ୟାମୀନ୍ ବଂଶର; ଗିଦୀୟୋନର ପୁତ୍ର ଅବୀଦାନ୍‍।
\s5
\v 12 ଦାନ୍ ବଂଶର; ଅମ୍ମୀଶଦ୍ଦୟର ପୁତ୍ର ଅହୀୟେଷର।
\v 13 ଆଶେର ବଂଶର; ଅକ୍ରଣର ପୁତ୍ର ପଗୀୟେଲ।
\v 14 ଗାଦ୍‍ ବଂଶର; ଦ୍ୟୂୟେଲର ପୁତ୍ର ଇଲୀୟାସଫ୍‍।
\v 15 ନପ୍ତାଲି ବଂଶର; ଐନନର ପୁତ୍ର ଅହୀର।
\s5
\v 16 ଏମାନେ ମଣ୍ଡଳୀର ଆହୂତ ଲୋକ, ଆପଣା ଆପଣା ପିତୃବଂଶର ଅଧିପତି, ଆଉ ଇସ୍ରାଏଲର ସହସ୍ରପତି ଥିଲେ।
\s5
\v 17 ତେବେ ମୋଶା ଓ ହାରୋଣ ଏହିସବୁ ନାମବିଶିଷ୍ଟ ଲୋକମାନଙ୍କୁ ଗ୍ରହଣ କଲେ।
\v 18 ପୁଣି, ଦ୍ୱିତୀୟ ମାସର ପ୍ରଥମ ଦିନରେ ସମଗ୍ର ମଣ୍ଡଳୀକୁ ଏକତ୍ର କରି ମସ୍ତକ-ସଂଖ୍ୟାରେ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ଲୋକମାନଙ୍କ ବଂଶ, ପିତୃଗୃହ ଓ ନାମସଂଖ୍ୟାନୁସାରେ ସେମାନଙ୍କର ବଂଶାବଳୀ ଲେଖିଲେ।
\v 19 ଏହିରୂପେ ମୋଶା ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସୀନୟ ପ୍ରାନ୍ତରରେ ସେମାନଙ୍କୁ ଗଣନା କଲେ।
\s5
\v 20 ଇସ୍ରାଏଲଙ୍କର ଜ୍ୟେଷ୍ଠ ପୁତ୍ର ଯେ ରୁବେନ୍‍, ତାହାର ସନ୍ତାନଗଣର ବଂଶ, ପିତୃଗୃହ, ନାମସଂଖ୍ୟା ଓ ମସ୍ତକ ଗଣନାନୁସାରେ ଯୁଦ୍ଧକୁ ଯିବା ଯୋଗ୍ୟ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ପୁରୁଷମାନଙ୍କର ବଂଶାବଳୀ;
\v 21 ରୁବେନ୍‍-ବଂଶର ଗଣିତ ଲୋକମାନଙ୍କ ସଂଖ୍ୟା ଛୟାଳିଶ ହଜାର ପାଞ୍ଚ ଶହ ହେଲା।
\s5
\v 22 ଶିମୀୟୋନ-ସନ୍ତାନଗଣ ମଧ୍ୟରୁ ବଂଶ ଓ ପିତୃଗୃହ ଅନୁସାରେ ଯୁଦ୍ଧକୁ ଯିବା ଯୋଗ୍ୟ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ଯେଉଁ ପୁରୁଷମାନେ ନାମସଂଖ୍ୟା ଓ ମସ୍ତକ ଗଣନାନୁସାରେ ଗଣା ଗଲେ, ସେମାନଙ୍କର ବଂଶାବଳୀ;
\v 23 ଶିମୀୟୋନ ବଂଶର ଗଣିତ ଲୋକମାନଙ୍କ ସଂଖ୍ୟା ଊଣଷଠି ହଜାର ତିନି ଶହ ହେଲା।
\s5
\v 24 ଗାଦ୍‍-ସନ୍ତାନଗଣର ବଂଶ, ପିତୃଗୃହ ଓ ନାମସଂଖ୍ୟାନୁସାରେ ଯୁଦ୍ଧକୁ ଯିବା ଯୋଗ୍ୟ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ପୁରୁଷମାନଙ୍କର ବଂଶାବଳୀ;
\v 25 ଗାଦ୍‍ ବଂଶର ଗଣିତ ଲୋକମାନଙ୍କ ସଂଖ୍ୟା ପଞ୍ଚଚାଳିଶ ହଜାର ଛଅ ଶହ ପଚାଶ ହେଲା।
\s5
\v 26 ଯିହୁଦା-ସନ୍ତାନଗଣର ବଂଶ, ପିତୃଗୃହ ଓ ନାମସଂଖ୍ୟାନୁସାରେ ଯୁଦ୍ଧକୁ ଯିବା ଯୋଗ୍ୟ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ପୁରୁଷମାନଙ୍କର ବଂଶାବଳୀ;
\v 27 ଯିହୁଦା ବଂଶର ଗଣିତ ଲୋକମାନଙ୍କ ସଂଖ୍ୟା ଚଉସ୍ତରି ହଜାର ଛଅ ଶହ ହେଲା।
\s5
\v 28 ଇଷାଖର-ସନ୍ତାନଗଣର ବଂଶ, ପିତୃଗୃହ ଓ ନାମସଂଖ୍ୟାନୁସାରେ ଯୁଦ୍ଧକୁ ଯିବା ଯୋଗ୍ୟ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ପୁରୁଷମାନଙ୍କର ବଂଶାବଳୀ;
\v 29 ଇଷାଖର ବଂଶର ଗଣିତ ଲୋକ ସଂଖ୍ୟା ଚଉବନ ହଜାର ଚାରି ଶହ ହେଲା।
\s5
\v 30 ସବୂଲୂନ-ସନ୍ତାନଗଣର ବଂଶ, ପିତୃଗୃହ ଓ ନାମସଂଖ୍ୟାନୁସାରେ ଯୁଦ୍ଧକୁ ଯିବା ଯୋଗ୍ୟ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ପୁରୁଷମାନଙ୍କର ବଂଶାବଳୀ;
\v 31 ସବୂଲୂନ ବଂଶର ଗଣିତ ଲୋକମାନଙ୍କ ସଂଖ୍ୟା ସତାବନ ହଜାର ଚାରି ଶହ ହେଲା।
\s5
\v 32 ଯୋଷେଫ-ସନ୍ତାନଗଣର, ଯଥା, ଇଫ୍ରୟିମ ସନ୍ତାନଗଣର ବଂଶ, ପିତୃଗୃହ ଓ ନାମସଂଖ୍ୟାନୁସାରେ ଯୁଦ୍ଧକୁ ଯିବା ଯୋଗ୍ୟ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ପୁରୁଷମାନଙ୍କ ବଂଶାବଳୀ;
\v 33 ଇଫ୍ରୟିମ ବଂଶର ଗଣିତ ଲୋକମାନଙ୍କ ସଂଖ୍ୟା ଚାଳିଶ ହଜାର ପାଞ୍ଚ ଶହ ହେଲା।
\s5
\v 34 ମନଃଶି-ସନ୍ତାନଗଣର ବଂଶ, ପିତୃଗୃହ ଓ ନାମସଂଖ୍ୟାନୁସାରେ ଯୁଦ୍ଧକୁ ଯିବା ଯୋଗ୍ୟ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ପୁରୁଷମାନଙ୍କର ବଂଶାବଳୀ;
\v 35 ମନଃଶି ବଂଶର ଗଣିତ ଲୋକମାନଙ୍କ ସଂଖ୍ୟା ବତ୍ରିଶ ହଜାର ଦୁଇ ଶହ ହେଲା।
\s5
\v 36 ବିନ୍ୟାମୀନ୍-ସନ୍ତାନଗଣର ବଂଶ, ପିତୃଗୃହ ଓ ନାମ ସଂଖ୍ୟାନୁସାରେ ଯୁଦ୍ଧକୁ ଯିବା ଯୋଗ୍ୟ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ପୁରୁଷମାନଙ୍କ ବଂଶାବଳୀ;
\v 37 ବିନ୍ୟାମୀନ୍ ବଂଶର ଗଣିତ ଲୋକମାନଙ୍କ ସଂଖ୍ୟା ପଞ୍ଚତ୍ରିଂଶ ହଜାର ଚାରି ଶହ ହେଲା।
\s5
\v 38 ଦାନ୍-ସନ୍ତାନଗଣର ବଂଶ, ପିତୃଗୃହ ଓ ନାମ ସଂଖ୍ୟାନୁସାରେ ଯୁଦ୍ଧକୁ ଯିବା ଯୋଗ୍ୟ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ପୁରୁଷମାନଙ୍କର ବଂଶାବଳୀ;
\v 39 ଦାନ୍ ବଂଶର ଗଣିତ ଲୋକମାନଙ୍କ ସଂଖ୍ୟା ବାଷଠି ହଜାର ସାତ ଶହ ହେଲା।
\s5
\v 40 ଆଶେର-ସନ୍ତାନଗଣର ବଂଶ, ପିତୃଗୃହ ଓ ନାମସଂଖ୍ୟାନୁସାରେ ଯୁଦ୍ଧକୁ ଯିବା ଯୋଗ୍ୟ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ପୁରୁଷମାନଙ୍କର ବଂଶାବଳୀ;
\v 41 ଆଶେର ବଂଶର ଗଣିତ ଲୋକମାନଙ୍କର ସଂଖ୍ୟା ଏକଚାଳିଶ ହଜାର ପାଞ୍ଚ ଶହ ହେଲା।
\s5
\v 42 ନପ୍ତାଲି-ସନ୍ତାନଗଣର ବଂଶ, ପିତୃଗୃହ ଓ ନାମସଂଖ୍ୟାନୁସାରେ ଯୁଦ୍ଧକୁ ଯିବା ଯୋଗ୍ୟ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ପୁରୁଷମାନଙ୍କ ବଂଶାବଳୀ;
\v 43 ନପ୍ତାଲି ବଂଶର ଗଣିତ ଲୋକମାନଙ୍କ ସଂଖ୍ୟା ତେପନ ହଜାର ଚାରି ଶହ ହେଲା।
\s5
\v 44 ଏହି ଲୋକମାନେ ଗଣିତ ହେଲେ; ମୋଶା, ହାରୋଣ ଓ ଇସ୍ରାଏଲର ବାର ଜଣ ଅଧିପତି, ଅର୍ଥାତ୍‍, ଏକ ଏକ ପିତୃଗୃହ ନିମନ୍ତେ ଏକ ଏକ ଅଧିପତି ସେମାନଙ୍କୁ ଗଣନା କଲେ।
\v 45 ଏହିରୂପେ ଇସ୍ରାଏଲ ସନ୍ତାନଗଣ ଆପଣା ଆପଣା ପିତୃଗୃହାନୁସାରେ ଇସ୍ରାଏଲ ମଧ୍ୟରୁ ଯୁଦ୍ଧକୁ ଯିବା ଯୋଗ୍ୟ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ଲୋକମାନେ ଗଣିତ ହେଲେ।
\v 46 ଏହିସବୁ ଗଣିତ ଲୋକମାନଙ୍କ ସଂଖ୍ୟା ଛଅ ଲକ୍ଷ ତିନି ହଜାର ପାଞ୍ଚ ଶହ ପଚାଶ ଜଣ ହେଲା।
\s5
\v 47 ମାତ୍ର ଲେବୀୟମାନେ ଆପଣା ପିତୃବଂଶାନୁସାରେ ସେମାନଙ୍କ ମଧ୍ୟରେ ଗଣା ଗଲେ ନାହିଁ।
\v 48 କାରଣ ସଦାପ୍ରଭୁ ମୋଶାଙ୍କୁ କହିଥିଲେ,
\v 49 ତୁମ୍ଭେ କେବଳ ଲେବୀୟ ବଂଶର ଗଣନା କରିବ ନାହିଁ, କିଅବା ଇସ୍ରାଏଲ ସନ୍ତାନଗଣ ମଧ୍ୟରେ ସେମାନଙ୍କର ସଂଖ୍ୟା ନେବ ନାହିଁ;
\s5
\v 50 ମାତ୍ର ତୁମ୍ଭେ ସାକ୍ଷ୍ୟର ଆବାସ, ତହିଁର ସକଳ ଦ୍ରବ୍ୟ ଓ ତତ୍‍ସମ୍ବନ୍ଧୀୟ ସମସ୍ତ ବିଷୟ ଉପରେ ଲେବୀୟମାନଙ୍କୁ ନିଯୁକ୍ତ କରିବ; ସେମାନେ ଆବାସ ଓ ତହିଁର ସମସ୍ତ ଦ୍ରବ୍ୟ ବହିବେ ଓ ସେମାନେ ତହିଁର ସେବା କରିବେ ଓ ଆବାସର ଚାରିଆଡ଼େ ଛାଉଣି କରି ରହିବେ।
\s5
\v 51 ପୁଣି, ଆବାସ ଆଗକୁ ଯିବା ସମୟରେ ଲେବୀୟମାନେ ତାହା ଭାଙ୍ଗିବେ ଓ ଆବାସ ସ୍ଥାପନ କରିବା ସମୟରେ ଲେବୀୟମାନେ ତାହା ସ୍ଥାପନ କରିବେ ଓ ଅନ୍ୟ ବଂଶୀୟ ଲୋକ ତାହା ନିକଟକୁ ଗଲେ, ତାହାର ପ୍ରାଣଦଣ୍ଡ ହେବ।
\v 52 ଇସ୍ରାଏଲ ସନ୍ତାନଗଣ ଆପଣା ଆପଣା ସୈନ୍ୟାନୁସାରେ ଆପଣା ଆପଣା ଛାଉଣିରେ ଆପଣା ଆପଣା ଧ୍ୱଜା ନିକଟରେ ତମ୍ବୁ ସ୍ଥାପନ କରିବେ।
\s5
\v 53 ମାତ୍ର ଇସ୍ରାଏଲ ସନ୍ତାନଗଣର ମଣ୍ଡଳୀ ପ୍ରତି ଯେପରି କ୍ରୋଧ ନ ଘଟେ, ଏଥିପାଇଁ ଲେବୀୟମାନେ ସାକ୍ଷ୍ୟ-ଆବାସର ଚାରିଆଡ଼େ ଛାଉଣି ସ୍ଥାପନ କରିବେ; ପୁଣି, ଲେବୀୟମାନେ ସାକ୍ଷ୍ୟ-ଆବାସ ରକ୍ଷା କରିବେ।
\v 54 ଇସ୍ରାଏଲ ସନ୍ତାନଗଣ ଏହିରୂପେ କଲେ; ସଦାପ୍ରଭୁ ମୋଶାଙ୍କୁ ଯେଉଁ ସମସ୍ତ ଆଜ୍ଞା ଦେଇଥିଲେ, ତଦନୁସାରେ ସେମାନେ କଲେ।
\s5
\c 2
\s ଛାଉଣିର ପ୍ରସ୍ତୁତି
\p
\v 1 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ ଓ ହାରୋଣଙ୍କୁ କହିଲେ,
\v 2 “ଇସ୍ରାଏଲ ସନ୍ତାନଗଣ ପ୍ରତ୍ୟେକେ ଆପଣା ଆପଣା ପିତୃଗୃହର ନିଶାଣ ସ୍ୱରୂପ ଧ୍ୱଜା ନିକଟରେ ଛାଉଣି ସ୍ଥାପନ କରିବେ; ସେମାନେ ସମାଗମ-ତମ୍ବୁ ଆଗରେ ଚାରିଆଡ଼େ ଛାଉଣି ସ୍ଥାପନ କରିବେ।
\s5
\v 3 ଯେଉଁମାନେ ପୂର୍ବ ଦିଗରେ ସୂର୍ଯ୍ୟୋଦୟ ଆଡ଼େ ଆପଣା ଆପଣା ସୈନ୍ୟାନୁସାରେ ଛାଉଣି ସ୍ଥାପନ କରିବେ, ସେମାନେ ଯିହୁଦା-ଧ୍ୱଜାର ପଶ୍ଚାଦ୍‍ଗାମୀ ଲୋକ; ପୁଣି, ଅମ୍ମୀନାଦବର ପୁତ୍ର ନହଶୋନ ଯିହୂଦା-ସନ୍ତାନଗଣର ଅଧିପତି ହେବ;
\v 4 ପୁଣି, ତାହାର ଗଣିତ ସୈନ୍ୟ ସଂଖ୍ୟା ଚଉସ୍ତରି ହଜାର ଛଅ ଶହ।
\s5
\v 5 ତାହା ପାଖରେ ଇଷାଖର ବଂଶ ଛାଉଣି ସ୍ଥାପନ କରିବେ, ସୂୟାରର ପୁତ୍ର ନଥନେଲ ଇଷାଖର ସନ୍ତାନଗଣର ଅଧିପତି ହେବ;
\v 6 ତାହାର ଗଣିତ ସୈନ୍ୟ ସଂଖ୍ୟା ଚଉବନ ହଜାର ଚାରି ଶହ।
\s5
\v 7 ତହୁଁ ସବୂଲୂନ ବଂଶ; ହେଲୋନର ପୁତ୍ର ଇଲୀୟାବ୍‍ ସବୂଲୂନ ସନ୍ତାନଗଣର ଅଧିପତି ହେବ;
\v 8 ପୁଣି, ତାହାର ଗଣିତ ସୈନ୍ୟ ସଂଖ୍ୟା ସତାବନ ହଜାର ଚାରି ଶହ।
\s5
\v 9 ଯିହୁଦା-ଛାଉଣିର ଗଣିତ ଲୋକମାନେ ଆପଣା ଆପଣା ସୈନ୍ୟାନୁସାରେ ଏକ ଲକ୍ଷ ଛୟାଅଶୀ ହଜାର ଚାରି ଶହ। ସେମାନେ ପ୍ରଥମେ ଅଗ୍ରସର ହେବେ।
\s5
\v 10 ଦକ୍ଷିଣ ଦିଗରେ ଆପଣା ଆପଣା ସୈନ୍ୟାନୁସାରେ ରୁବେନ-ଛାଉଣିର ଧ୍ୱଜା ରହିବ; ଶଦେୟରର ପୁତ୍ର ଇଲୀଷୂର ରୁବେନ୍‍-ସନ୍ତାନଗଣର ଅଧିପତି ହେବ;
\v 11 ପୁଣି, ତାହାର ଗଣିତ ସୈନ୍ୟ ସଂଖ୍ୟା ଛୟାଳିଶ ହଜାର ପାଞ୍ଚ ଶହ।
\s5
\v 12 ତାହା ପାଖରେ ଶିମୀୟୋନ ବଂଶ ଛାଉଣି ସ୍ଥାପନ କରିବେ ଓ ସୂରୀଶଦ୍ଦୟର ପୁତ୍ର ଶଲୁମୀୟେଲ ଶିମୀୟୋନ ସନ୍ତାନଗଣର ଅଧିପତି ହେବ;
\v 13 ତାହାର ଗଣିତ ସୈନ୍ୟ ସଂଖ୍ୟା ଊଣଷଠି ହଜାର ତିନି ଶହ।
\s5
\v 14 ତହୁଁ ଗାଦ୍‍ର ବଂଶ; ରୁୟେଲର ପୁତ୍ର ଇଲୀୟାସଫ୍‍ ଗାଦ୍‍ ସନ୍ତାନଗଣର ଅଧିପତି ହେବ;
\v 15 ପୁଣି, ତାହାର ଗଣିତ ସୈନ୍ୟ ସଂଖ୍ୟା ପଞ୍ଚଚାଳିଶ ହଜାର ଛଅ ଶହ ପଚାଶ।
\s5
\v 16 ରୁବେନ୍‍-ଛାଉଣିର ଗଣିତ ଲୋକମାନେ ଆପଣା ଆପଣା ସୈନ୍ୟାନୁସାରେ ଏକ ଲକ୍ଷ ଏକାବନ ହଜାର ଚାରି ଶହ ପଚାଶ। ସେମାନେ ଦ୍ୱିତୀୟରେ ଅଗ୍ରସର ହେବେ।
\s5
\v 17 ଏଉତ୍ତାରେ ସମାଗମ-ତମ୍ବୁ ଲେବୀୟମାନଙ୍କ ଛାଉଣି ସହିତ ଛାଉଣିମାନଙ୍କ ମଧ୍ୟବର୍ତ୍ତୀ ହୋଇ ଅଗ୍ରସର ହେବ; ଯେପରି ସେମାନେ ଛାଉଣି ସ୍ଥାପନ କରିବେ, ସେପରି ପ୍ରତ୍ୟେକେ ସ୍ୱ ସ୍ୱ ସ୍ଥାନରେ ଧ୍ୱଜାର ନିକଟବର୍ତ୍ତୀ ହୋଇ ଅଗ୍ରସର ହେବେ।
\s5
\v 18 ପଶ୍ଚିମ ଦିଗରେ ଆପଣା ଆପଣା ସୈନ୍ୟାନୁସାରେ ଇଫ୍ରୟିମ-ଛାଉଣିର ଧ୍ୱଜା ରହିବ; ପୁଣି, ଅମ୍ମୀହୂଦର ପୁତ୍ର ଇଲୀଶାମା ଇଫ୍ରୟିମ-ସନ୍ତାନଗଣର ଅଧିପତି ହେବ;
\v 19 ଆଉ ତାହାର ଗଣିତ ସୈନ୍ୟ ସଂଖ୍ୟା ଚାଳିଶ ହଜାର ପାଞ୍ଚ ଶହ।
\s5
\v 20 ତାହା ପାଖରେ ମନଃଶି ବଂଶ ରହିବେ, ପୁଣି, ପଦାହସୂରର ପୁତ୍ର ଗମଲୀୟେଲ ମନଃଶି-ସନ୍ତାନମାନଙ୍କର ଅଧିପତି ହେବ;
\v 21 ତାହାର ଗଣିତ ସୈନ୍ୟ ସଂଖ୍ୟା ବତିଶ ହଜାର ଦୁଇ ଶହ।
\s5
\v 22 ତହୁଁ ବିନ୍ୟାମୀନ୍ ବଂଶ; ପୁଣି, ଗିଦିୟୋନିର ପୁତ୍ର ଅବୀଦାନ୍‍ ବିନ୍ୟାମୀନ୍-ସନ୍ତାନଗଣର ଅଧିପତି ହେବ;
\v 23 ତାହାର ଗଣିତ ସୈନ୍ୟ ସଂଖ୍ୟା ପଞ୍ଚତିରିଶ ହଜାର ଚାରି ଶହ।
\s5
\v 24 ଇଫ୍ରୟିମ-ଛାଉଣିର ଗଣିତ ଲୋକମାନେ ଆପଣା ଆପଣା ସୈନ୍ୟାନୁସାରେ ଏକ ଲକ୍ଷ ଆଠ ହଜାର ଏକ ଶହ। ସେମାନେ ତୃତୀୟରେ ଅଗ୍ରସର ହେବେ।
\s5
\v 25 ଉତ୍ତର ଦିଗରେ ଆପଣା ଆପଣା ସୈନ୍ୟାନୁସାରେ ଦାନ୍-ଛାଉଣିର ଧ୍ୱଜା ରହିବ; ପୁଣି, ଅମ୍ମୀଶଦ୍ଦୟର ପୁତ୍ର ଅହୀୟେଷର ଦାନ୍-ସନ୍ତାନଗଣର ଅଧିପତି ହେବ;
\v 26 ତାହାର ଗଣିତ ସୈନ୍ୟ ସଂଖ୍ୟା ବାଷଠି ହଜାର ସାତ ଶହ।
\s5
\v 27 ତାହା ପାଖରେ ଆଶେର ବଂଶର ଛାଉଣି ରହିବ; ଅକ୍ରଣର ପୁତ୍ର ପଗୀୟେଲ ଆଶେର-ସନ୍ତାନଗଣର ଅଧିପତି ହେବ;
\v 28 ତାହାର ଗଣିତ ସୈନ୍ୟ ସଂଖ୍ୟା ଏକଚାଳିଶ ହଜାର ପାଞ୍ଚ ଶହ।
\s5
\v 29 ତହୁଁ ନପ୍ତାଲି ବଂଶ; ଐନନର ପୁତ୍ର ଅହୀର ନପ୍ତାଲି ସନ୍ତାନଗଣର ଅଧିପତି ହେବ;
\v 30 ତାହାର ଗଣିତ ସୈନ୍ୟ ସଂଖ୍ୟା ତେପନ ହଜାର ଚାରି ଶହ।
\s5
\v 31 ଦାନ୍-ଛାଉଣିର ଗଣିତ ଲୋକମାନଙ୍କ ସଂଖ୍ୟା ଏକ ଲକ୍ଷ ସତାବନ ହଜାର ଛଅ ଶହ। ସେମାନେ ଆପଣାମାନଙ୍କ ଧ୍ୱଜା ନେଇ ସମସ୍ତଙ୍କ ପଛେ ଅଗ୍ରସର ହେବେ।”
\s5
\v 32 ଏମାନେ ଇସ୍ରାଏଲ ସନ୍ତାନଗଣ ମଧ୍ୟରେ ଆପଣା ଆପଣା ପିତୃଗୃହାନୁସାରେ ଗଣିତ ହେଲେ; ଆପଣା ଆପଣା ସୈନ୍ୟାନୁସାରେ ସମସ୍ତ ଛାଉଣିର ଗଣିତ ଲୋକ ସଂଖ୍ୟା ଛଅ ଲକ୍ଷ ତିନି ହଜାର ପାଞ୍ଚ ଶହ ପଚାଶ ହେଲା।
\v 33 ମାତ୍ର ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଲେବୀୟମାନେ ଇସ୍ରାଏଲ ସନ୍ତାନଗଣ ମଧ୍ୟରେ ଗଣିତ ହେଲେ ନାହିଁ।
\s5
\v 34 ଏହିରୂପେ ଇସ୍ରାଏଲ ସନ୍ତାନଗଣ କଲେ; ସଦାପ୍ରଭୁ ମୋଶାଙ୍କୁ ଯେପରି ଆଜ୍ଞାସବୁ ଦେଇଥିଲେ, ସେପରି ସେମାନେ ଆପଣା ଆପଣା ବଂଶ ନିକଟରେ ଆପଣା ଆପଣା ପିତୃଗୃହାନୁସାରେ ଆପଣା ଆପଣା ଧ୍ୱଜା ନିକଟରେ ଛାଉଣି ସ୍ଥାପନ କଲେ ଓ ସେହିପରି ସେମାନେ ଅଗ୍ରସର ହେଲେ।
\s5
\c 3
\s ହାରୋଣଙ୍କ ପୁତ୍ରଗଣ
\p
\v 1 ଯେଉଁଦିନ ସଦାପ୍ରଭୁ ସୀନୟ ପର୍ବତରେ ମୋଶାଙ୍କ ସଙ୍ଗେ କଥା କହିଲେ, ସେହିଦିନ ହାରୋଣ ଓ ମୋଶାଙ୍କର ବଂଶାବଳୀ ଏହି।
\v 2 ହାରୋଣଙ୍କର ପୁତ୍ରଗଣର ନାମ ଏହି; ପ୍ରଥମଜାତ ନାଦବ୍‍, ତହୁଁ ଅବୀହୂ ଓ ଇଲୀୟାସର ଓ ଈଥାମର।
\s5
\v 3 ହାରୋଣଙ୍କର ଯେଉଁ ପୁତ୍ରମାନେ ଯାଜକ ରୂପେ ଅଭିଷିକ୍ତ ହୋଇଥିଲେ ଓ ଯେଉଁମାନଙ୍କୁ ସେ ଯାଜକର କର୍ମ କରିବା ପାଇଁ ନିଯୁକ୍ତ କରିଥିଲେ, ସେମାନଙ୍କର ନାମ ଏହି।
\v 4 ମାତ୍ର ନାଦବ୍‍ ଓ ଅବୀହୂ ସୀନୟ ପ୍ରାନ୍ତରରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଇତର ଅଗ୍ନି ଉତ୍ସର୍ଗ କରି ସଦାପ୍ରଭୁଙ୍କ ସମ୍ମୁଖରେ ପ୍ରାଣତ୍ୟାଗ କରିଥିଲେ, ସେମାନଙ୍କର ସନ୍ତାନ ନ ଥିଲା; ଏଥିସକାଶୁ ଇଲୀୟାସର ଓ ଈଥାମର ଆପଣା ପିତା ହାରୋଣଙ୍କ ସାକ୍ଷାତରେ ଯାଜକ କର୍ମ କଲେ।
\s ଲେବୀୟମାନଙ୍କ ଦାୟିତ୍ୱ
\p
\s5
\v 5 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
\v 6 “ତୁମ୍ଭେ ଲେବୀୟ ବଂଶକୁ ଆଣି ହାରୋଣ ଯାଜକଙ୍କ ସମ୍ମୁଖରେ ଉପସ୍ଥିତ କରାଅ, ସେମାନେ ତାହାର ସେବା କରିବେ।
\s5
\v 7 ଆଉ ସେମାନେ ଆବାସର ସେବାକର୍ମ କରିବା ନିମନ୍ତେ ସମାଗମ-ତମ୍ବୁ ସମ୍ମୁଖରେ ତାହାର ଓ ସମସ୍ତ ମଣ୍ଡଳୀର ରକ୍ଷଣୀୟ ରକ୍ଷା କରିବେ।
\v 8 ପୁଣି, ସେମାନେ ଆବାସର ସେବାକର୍ମ କରିବା ନିମନ୍ତେ ସମାଗମ-ତମ୍ବୁର ସମସ୍ତ ଦ୍ରବ୍ୟ ଓ ଇସ୍ରାଏଲ ସନ୍ତାନଗଣ ରକ୍ଷଣୀୟ ରକ୍ଷା କରିବେ।”
\s5
\v 9 ଆଉ ତୁମ୍ଭେ ହାରୋଣ ଓ ତାହର ପୁତ୍ରଗଣର ହସ୍ତରେ ଲେବୀୟମାନଙ୍କୁ ସମର୍ପଣ କରିବ; ସେମାନେ ଇସ୍ରାଏଲ ସନ୍ତାନଗଣ ପକ୍ଷରେ ତାହା ପ୍ରତି ସମ୍ପୂର୍ଣ୍ଣ ରୂପେ ଦତ୍ତ ଲୋକ,
\v 10 ପୁଣି, ତୁମ୍ଭେ ହାରୋଣକୁ ଓ ତାହାର ପୁତ୍ରଗଣକୁ ନିଯୁକ୍ତ କରିବ, ତହିଁରେ ସେମାନେ ଆପଣାମାନଙ୍କ ଯାଜକତ୍ୱ-ପଦ ରକ୍ଷା କରିବେ ଓ ଅନ୍ୟ ବଂଶୀୟ ଯେକେହି ନିକଟବର୍ତ୍ତୀ ହେବ, ତାହାର ପ୍ରାଣଦଣ୍ଡ ହେବ।
\s5
\v 11 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
\v 12 “ଆମ୍ଭେ, ଦେଖ, ଆମ୍ଭେ ଇସ୍ରାଏଲ ସନ୍ତାନଗଣ ମଧ୍ୟରେ ସମସ୍ତ ପ୍ରଥମଜାତ ଗର୍ଭଫଳ ପରିବର୍ତ୍ତରେ ଇସ୍ରାଏଲ ସନ୍ତାନଗଣ ମଧ୍ୟରୁ ଲେବୀୟମାନଙ୍କୁ ଗ୍ରହଣ କଲୁ, ଏଣୁ ଲେବୀୟମାନେ ଆମ୍ଭର ହେବେ।
\v 13 କାରଣ ପ୍ରଥମଜାତ ସମସ୍ତ ଆମ୍ଭର; ଯେଉଁଦିନ ଆମ୍ଭେ ମିସର ଦେଶରେ ପ୍ରଥମଜାତ ସକଳକୁ ଆଘାତ କଲୁ, ସେହିଦିନ ଆମ୍ଭେ ଇସ୍ରାଏଲ ମଧ୍ୟରେ ମନୁଷ୍ୟ ଓ ପଶୁ ସମସ୍ତ ପ୍ରଥମଜାତକୁ ଆପଣା ଉଦ୍ଦେଶ୍ୟରେ ପବିତ୍ର କଲୁ; ସେମାନେ ଆମ୍ଭର; ଆମ୍ଭେ ସଦାପ୍ରଭୁ ଅଟୁ।”
\s5
\v 14 ଏଥିଉତ୍ତାରେ ସଦାପ୍ରଭୁ ସୀନୟ ପ୍ରାନ୍ତରରେ ମୋଶାଙ୍କୁ କହିଲେ,
\v 15 “ଆପଣା ଆପଣା ପିତୃଗୃହ ଓ ଆପଣା ଆପଣା ବଂଶାନୁସାରେ ଲେବୀୟ ସନ୍ତାନଗଣକୁ ଗଣନା କର; ତୁମ୍ଭେ ଏକ ମାସରୁ ଅଧିକ ବୟସ୍କ ସମସ୍ତ ପୁରୁଷଙ୍କୁ ଗଣନା କରିବ।”
\v 16 ତହିଁରେ ମୋଶା ଆଜ୍ଞାନୁସାରେ ସଦାପ୍ରଭୁଙ୍କ ବାକ୍ୟାନୁସାରେ ସେମାନଙ୍କୁ ଗଣନା କଲେ।
\s5
\v 17 ଆପଣା ଆପଣା ନାମାନୁସାରେ ଏମାନେ ଲେବୀର ପୁତ୍ରଗଣ; ଯଥା, ଗେର୍ଶୋନ‍, କହାତ ଓ ମରାରି।
\v 18 ପୁଣି, ଆପଣା ଆପଣା ବଂଶାନୁସାରେ ଗେର୍ଶୋନ‍ର ସନ୍ତାନମାନଙ୍କ ନାମ ଲିବ୍‍ନି ଓ ଶିମୀୟି।
\v 19 ପୁଣି, ଆପଣା ଆପଣା ବଂଶାନୁସାରେ କହାତର ସନ୍ତାନମାନଙ୍କ ନାମ ଅମ୍ରାମ୍‍, ଯିଷ୍‍ହର, ହିବ୍ରୋଣ ଓ ଉଷୀୟେଲ।
\v 20 ପୁଣି, ଆପଣା ଆପଣା ବଂଶାନୁସାରେ ମରାରିର ସନ୍ତାନମାନଙ୍କ ନାମ ମହଲି ଓ ମୂଶି; ଏମାନେ ଆପଣା ଆପଣା ପିତୃଗୃହାନୁସାରେ ଲେବୀୟମାନଙ୍କ ବଂଶ।
\s5
\v 21 ଗେର୍ଶୋନଠାରୁ ଲିବ୍‍ନୀୟ ବଂଶ ଓ ଶିମୀୟିର ବଂଶ ଉତ୍ପନ୍ନ ହେଲେ; ଏମାନେ ଗେର୍ଶୋନୀୟ ବଂଶ।
\v 22 ଏମାନଙ୍କ ମଧ୍ୟରେ ଏକ ମାସରୁ ଅଧିକ ବୟସ୍କ ଯେଉଁ ସମସ୍ତ ପୁରୁଷ ଗଣିତ ହେଲେ, ସେମାନଙ୍କର ଗଣିତ ଲୋକ ସଂଖ୍ୟା ସାତ ହଜାର ପାଞ୍ଚଶହ ହେଲା।
\v 23 ଗେର୍ଶୋନୀୟ ବଂଶ ପଶ୍ଚିମ ଦିଗରେ ଆବାସର ପଶ୍ଚାଦ୍‍ ଭାଗରେ ଛାଉଣି ସ୍ଥାପନ କରିବେ।
\s5
\v 24 ପୁଣି, ଲାୟେଲର ପୁତ୍ର ଇଲୀୟାସଫ୍‍ ଗେର୍ଶୋନୀୟମାନଙ୍କ ପିତୃଗୃହର ଅଧିପତି ହେବ।
\v 25 ପୁଣି, ସମାଗମ-ତମ୍ବୁର ଏହି ସମସ୍ତ ଦ୍ରବ୍ୟ ଗେର୍ଶୋନୀୟ ସନ୍ତାନମାନଙ୍କର ରକ୍ଷଣୀୟ ହେବ, ଯଥା, ଆବାସ ଓ ତମ୍ବୁ, ତହିଁର ଛାତ ଓ ସମାଗମ-ତମ୍ବୁ ଦ୍ୱାରର ଆଚ୍ଛାଦନ ବସ୍ତ୍ର,
\v 26 ପ୍ରାଙ୍ଗଣର ପରଦାସକଳ, ଆବାସ ଓ ବେଦିର ଚତୁର୍ଦ୍ଦିଗସ୍ଥିତ ପ୍ରାଙ୍ଗଣ ଦ୍ୱାରର ଆଚ୍ଛାଦନ ବସ୍ତ୍ର ଓ ତହିଁର ସେବାକାର୍ଯ୍ୟ ନିମିତ୍ତ ସମସ୍ତ ରଜ୍ଜୁ।
\s5
\v 27 ଆଉ କହାତଠାରୁ ଅମ୍ରାମୀୟ ବଂଶ, ଯିଷ୍‍ହରୀୟ ବଂଶ, ହିବ୍ରୋଣୀୟ ବଂଶ ଓ ଉଷୀୟେଲୀୟ ବଂଶ ଉତ୍ପନ୍ନ ହେଲେ; ଏମାନେ କହାତୀୟ ବଂଶ।
\v 28 ଏକ ମାସରୁ ଅଧିକ ବୟସ୍କ ପୁରୁଷମାନଙ୍କ ଗଣନାନୁସାରେ ଆଠ ହଜାର ଛଅ ଶହ ଲୋକ ପବିତ୍ର ସ୍ଥାନର ରକ୍ଷକ ହେଲେ।
\v 29 କହାତୀୟ ସନ୍ତାନମାନଙ୍କ ବଂଶ ଦକ୍ଷିଣ ଦିଗରେ ଆବାସ ନିକଟରେ ଛାଉଣି ସ୍ଥାପନ କରିବେ।
\s5
\v 30 ଆଉ ଉଷୀୟେଲର ପୁତ୍ର ଇଲୀଶାଫନ୍‍ କହାତୀୟ ବଂଶର ଅଧିପତି ହେବ।
\v 31 ପୁଣି, ସିନ୍ଦୁକ, ମେଜ, ଦୀପବୃକ୍ଷ, ଯଜ୍ଞବେଦି, ପବିତ୍ର ସ୍ଥାନର ସେବା ସମ୍ବନ୍ଧୀୟ ସକଳ ପାତ୍ର, ପରଦା ଓ ତତ୍ସମ୍ବନ୍ଧୀୟ ସମସ୍ତ ସେବାକାର୍ଯ୍ୟ ସେମାନଙ୍କର ରକ୍ଷଣୀୟ ହେବ।
\v 32 ପୁଣି, ହାରୋଣ ଯାଜକଙ୍କର ପୁତ୍ର ଇଲୀୟାସର ଲେବୀୟ ଅଧିପତିମାନଙ୍କର ଅଧିପତି ହେବ ଓ ପବିତ୍ର ସ୍ଥାନର ରକ୍ଷକମାନଙ୍କ ଉପରେ ତତ୍ତ୍ୱାବଧାନ କରିବ।
\s5
\v 33 ଆଉ ମରାରିଠାରୁ ମହଲୀୟ ବଂଶ ଓ ମୂଶୀୟ ବଂଶ ଉତ୍ପନ୍ନ ହେଲେ; ଏମାନେ ମରାରୀୟ ବଂଶ।
\v 34 ପୁଣି, ଏମାନଙ୍କ ମଧ୍ୟରେ ଏକ ମାସରୁ ଅଧିକ ବୟସ୍କ ପୁରୁଷମାନଙ୍କ ଗଣନାନୁସାରେ ଛଅ ହଜାର ଦୁଇ ଶହ ଲୋକ ହେଲେ।
\v 35 ଆଉ ଅବୀହୟଲର ପୁତ୍ର ସୂରୀୟେଲ ମରାରି ବଂଶର ପିତୃଗୃହର ଅଧିପତି ହେଲା; ସେମାନେ ଉତ୍ତର ଦିଗରେ ଆବାସ ନିକଟରେ ଛାଉଣି ସ୍ଥାପନ କରିବେ।
\s5
\v 36 ଆଉ ଆବାସର ପଟା, ଅର୍ଗଳ, ସ୍ତମ୍ଭ, ଚୁଙ୍ଗୀ, ତହିଁର ସମସ୍ତ ଦ୍ରବ୍ୟ ଓ ତତ୍ସମ୍ବନ୍ଧୀୟ ସେବାକାର୍ଯ୍ୟ,
\v 37 ପ୍ରାଙ୍ଗଣର ଚତୁର୍ଦ୍ଦିଗସ୍ଥିତ ସ୍ତମ୍ଭ, ତହିଁର ସକଳ ଚୁଙ୍ଗୀ, ମେଖ ଓ ରଜ୍ଜୁ ମରାରି ସନ୍ତାନଗଣର ନିରୂପିତ ରକ୍ଷଣୀୟ ହେବ।
\s5
\v 38 ପୁଣି, ଯେଉଁମାନେ ଆବାସର ପୂର୍ବ ଦିଗରେ ସମାଗମ-ତମ୍ବୁ ସମ୍ମୁଖରେ ସୂର୍ଯ୍ୟୋଦୟ ଆଡ଼େ ଛାଉଣି ସ୍ଥାପନ କରିବେ, ସେମାନେ ମୋଶା, ହାରୋଣ ଓ ତାହାର ପୁତ୍ରଗଣ; ଏମାନେ ଇସ୍ରାଏଲ ସନ୍ତାନଗଣର ରକ୍ଷଣୀୟ ବୋଲି ପବିତ୍ର ସ୍ଥାନର ରକ୍ଷଣୀୟ ରକ୍ଷା କରିବେ; ଆଉ ଅନ୍ୟ ବଂଶୀୟ କୌଣସି ଲୋକ ତହିଁର ନିକଟବର୍ତ୍ତୀ ହେଲେ ହତ ହେବ।
\v 39 ଲେବୀୟମାନଙ୍କ ମଧ୍ୟରୁ ଯେଉଁମାନେ ଗଣିତ ହେଲେ, ଯେଉଁମାନଙ୍କୁ ମୋଶା ଓ ହାରୋଣ ସଦାପ୍ରଭୁଙ୍କ ଆଜ୍ଞା ପ୍ରମାଣେ ସେମାନଙ୍କ ବଂଶାନୁସାରେ ଗଣନା କଲେ, ସେମାନଙ୍କର ଏକ ମାସରୁ ଅଧିକ ବୟସ୍କ ସମସ୍ତ ପୁରୁଷ ସଂଖ୍ୟାରେ ବାଇଶ ହଜାର ହେଲେ।
\s ପ୍ରଥମଜାତ ପରିବର୍ତ୍ତେ ଲେବୀୟ
\p
\s5
\v 40 ତହୁଁ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଇସ୍ରାଏଲ ସନ୍ତାନଗଣର ଏକ ମାସରୁ ଅଧିକ ବୟସ୍କ ସମସ୍ତ ପ୍ରଥମଜାତ ପୁରୁଷଙ୍କୁ ଗଣନା କର ଓ ସେମାନଙ୍କ ନାମ ସଂଖ୍ୟା କର।”
\v 41 ଆମ୍ଭେ ସଦାପ୍ରଭୁ; ଆମ୍ଭ ନିମନ୍ତେ ଇସ୍ରାଏଲ ସନ୍ତାନଗଣର ସମସ୍ତ ପ୍ରଥମଜାତ ଲୋକ ବଦଳେ ଲେବୀୟମାନଙ୍କୁ ଗ୍ରହଣ କରିବ; ପୁଣି, ଇସ୍ରାଏଲ ସନ୍ତାନଗଣର ସମସ୍ତ ପ୍ରଥମଜାତ ପଶୁ ବଦଳେ ଲେବୀୟମାନଙ୍କର ପଶୁ ଗ୍ରହଣ କରିବ।
\s5
\v 42 ତହିଁରେ ମୋଶା ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଇସ୍ରାଏଲ ସନ୍ତାନଗଣ ମଧ୍ୟରେ ସମସ୍ତ ପ୍ରଥମଜାତ ଲୋକର ଗଣନା କଲେ।
\v 43 ପୁଣି, ସେମାନଙ୍କର ଏକ ମାସରୁ ଅଧିକ ବୟସ୍କ ସମସ୍ତ ପ୍ରଥମଜାତ ପୁରୁଷର ନାମସଂଖ୍ୟାନୁସାରେ ଯେଉଁମାନେ ଗଣିତ ହେଲେ, ସେମାନଙ୍କ ସଂଖ୍ୟା ବାଇଶ ହଜାର ଦୁଇ ଶହ ତେସ୍ତରି ହେଲା।
\s5
\v 44 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
\v 45 “ତୁମ୍ଭେ ଇସ୍ରାଏଲ ସନ୍ତାନଗଣର ସମସ୍ତ ପ୍ରଥମଜାତ ଲୋକ ବଦଳେ ଲେବୀୟମାନଙ୍କୁ ଓ ସେମାନଙ୍କ ପଶୁ ବଦଳେ ଲେବୀୟମାନଙ୍କର ପଶୁମାନଙ୍କୁ ଗ୍ରହଣ କର; ଆଉ ଲେବୀୟମାନେ ଆମ୍ଭର ହେବେ; ଆମ୍ଭେ ସଦାପ୍ରଭୁ ଅଟୁ।
\s5
\v 46 ପୁଣି, ଇସ୍ରାଏଲ ସନ୍ତାନଗଣର ପ୍ରଥମଜାତ ଲୋକମାନଙ୍କ ମଧ୍ୟରେ ଲେବୀୟମାନଙ୍କ ସଂଖ୍ୟାରୁ ଅଧିକ ଦୁଇ ଶହ ତେସ୍ତରି ଲୋକର ମୁକ୍ତି ନିମନ୍ତେ,
\v 47 ତୁମ୍ଭେ ମୁଣ୍ଡ ପିଛା ପାଞ୍ଚ ଶେକଲ
\f +
\fr 3:47
\ft ପ୍ରାୟ ୫୫ ଗ୍ରାମ୍ ରୂପା
\f* ଲେଖାଏଁ ନେବ; ପବିତ୍ର ସ୍ଥାନର ଶେକଲ ଅନୁସାରେ ତୁମ୍ଭେ ତାହା ନେବ, (କୋଡ଼ିଏ ଗେରାରେ ଏକ ଶେକଲ)।
\v 48 ଆଉ ତୁମ୍ଭେ ସେହି ବଳକା ଲୋକମାନଙ୍କ ମୁକ୍ତିର ମୂଲ୍ୟ ନେଇ ହାରୋଣ ଓ ତାହାର ପୁତ୍ରମାନଙ୍କୁ ଦେବ।
\v 49 ତହୁଁ ମୋଶା ଲେବୀୟମାନଙ୍କ ଦ୍ୱାରା ମୁକ୍ତ ଲୋକଙ୍କ ବ୍ୟତୀତ ଅବଶିଷ୍ଟ ଲୋକମାନଙ୍କ ମୁକ୍ତି-ମୂଲ୍ୟ ନେଲେ।
\v 50 ଇସ୍ରାଏଲ ସନ୍ତାନଗଣର ପ୍ରଥମଜାତ ଲୋକମାନଙ୍କଠାରୁ ସେ ସେହି ମୂଲ୍ୟ ନେଲେ; ସେ ପବିତ୍ର ସ୍ଥାନର ଶେକଲ ଅନୁସାରେ ଏକ ହଜାର ତିନି ଶହ ପଞ୍ଚଷଠି ଶେକଲ ନେଲେ;
\v 51 ପୁଣି, ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ମୋଶା ସଦାପ୍ରଭୁଙ୍କ ବାକ୍ୟ ପ୍ରମାଣେ ସେହି ମୁକ୍ତି-ମୂଲ୍ୟ ହାରୋଣଙ୍କୁ ଓ ତାଙ୍କର ପୁତ୍ରଗଣଙ୍କୁ ଦେଲେ।
\s5
\c 4
\s କହାତ ବଂଶୀୟ ଲେବୀୟମାନଙ୍କ ଦାୟିତ୍ୱ
\p
\v 1 ଏଥିଉତ୍ତାରେ ସଦାପ୍ରଭୁ ମୋଶା ଓ ହାରୋଣଙ୍କୁ କହିଲେ,
\v 2 “ତୁମ୍ଭେମାନେ ଲେବୀର ସନ୍ତାନଗଣ ମଧ୍ୟରୁ କହାତ-ସନ୍ତାନମାନଙ୍କର ବଂଶ ଓ ପିତୃଗୃହ ଅନୁସାରେ
\v 3 ତିରିଶ ବର୍ଷ ବୟସ୍କଠାରୁ ପଚାଶ ବର୍ଷ ବୟସ୍କ ପର୍ଯ୍ୟନ୍ତ ଯେଉଁମାନେ ସମାଗମ-ତମ୍ବୁରେ କାର୍ଯ୍ୟ କରିବାକୁ ସେବକ ଶ୍ରେଣୀଭୁକ୍ତ ହୁଅନ୍ତି, ସେମାନଙ୍କୁ ଗଣନା କର।”
\v 4 ସମାଗମ-ତମ୍ବୁରେ ମହାପବିତ୍ର ଦ୍ରବ୍ୟାଦିର (ରକ୍ଷା) କହାତ-ସନ୍ତାନଗଣର ସେବା ଅଟେ।
\s5
\v 5 ଛାଉଣି ଅଗ୍ରସର ହେବା ସମୟରେ ହାରୋଣ ଓ ତାହାର ପୁତ୍ରଗଣ ଭିତରେ ଯାଇ ଆଚ୍ଛାଦନର ବିଚ୍ଛେଦ ବସ୍ତ୍ର ନେଇ ସାକ୍ଷ୍ୟ-ସିନ୍ଦୁକ ଢାଙ୍କିବେ
\v 6 ଓ ତହିଁ ଉପରେ ଶିଶୁକଚର୍ମର ଆଚ୍ଛାଦନ ଦେବେ ଓ ତହିଁ ଉପରେ ସମ୍ପୂର୍ଣ୍ଣ ନୀଳବର୍ଣ୍ଣ ଏକ ବସ୍ତ୍ର ଦେବେ, ତହିଁ ଉତ୍ତାରେ ତହିଁର ସାଙ୍ଗୀ ଲଗାଇବେ।
\s5
\v 7 ଏଥିଉତ୍ତାରେ ସେମାନେ ଦର୍ଶନୀୟ ରୁଟିର ମେଜ ଉପରେ ନୀଳବର୍ଣ୍ଣ ଏକ ବସ୍ତ୍ର ବିଛାଇବେ, ତହିଁ ଉପରେ ଥାଳୀ, ଚାମଚ, ଗଡ଼ୁ ଓ ଢାଳିବା ପାତ୍ରସକଳ ରଖିବେ ଓ ତହିଁ ଉପରେ ନିତ୍ୟ ରୁଟି ରହିବ।
\v 8 ସେହି ସମସ୍ତର ଉପରେ ସେମାନେ ଏକ ସିନ୍ଦୂରବର୍ଣ୍ଣ ବସ୍ତ୍ର ବିଛାଇବେ ଓ ଶିଶୁକଚର୍ମର ଆଚ୍ଛାଦନ ଦେଇ ତାହା ଢାଙ୍କିବେ, ତହୁଁ ତହିଁର ସାଙ୍ଗୀ ଲଗାଇବେ।
\s5
\v 9 ଏଉତ୍ତାରେ ସେମାନେ ଏକ ନୀଳବର୍ଣ୍ଣ ବସ୍ତ୍ର ନେଇ ଆଲୁଅର ଦୀପବୃକ୍ଷ, ତହିଁର ପ୍ରଦୀପ, ଚିମୁଟା, ଅଙ୍ଗାରଧାନୀ ଓ ତହିଁର ସେବାର୍ଥକ ସମସ୍ତ ତୈଳପାତ୍ର ଆଚ୍ଛାଦନ କରିବେ।
\v 10 ପୁଣି, ସେମାନେ ତାହା ଓ ତହିଁର ସମସ୍ତ ପାତ୍ର ଶିଶୁକଚର୍ମର ଏକ ଆଚ୍ଛାଦନରେ ରଖି ଦୋଳା ଉପରେ ଥୋଇବେ।
\v 11 ପୁଣି, ସେମାନେ ସ୍ୱର୍ଣ୍ଣମୟ ବେଦି ଉପରେ ନୀଳବର୍ଣ୍ଣ ଏକ ବସ୍ତ୍ର ବିଛାଇ ତାହା ଶିଶୁକଚର୍ମରେ ଢ଼ାଙ୍କିବେ ଓ ତହିଁରେ ସାଙ୍ଗୀ ଲଗାଇବେ।
\s5
\v 12 ଆଉ ସେମାନେ ପବିତ୍ର ସ୍ଥାନର ସେବାର୍ଥକ ସମସ୍ତ ପାତ୍ର ନେଇ ନୀଳବର୍ଣ୍ଣ ବସ୍ତ୍ର ମଧ୍ୟରେ ରଖିବେ ଓ ଶିଶୁକଚର୍ମର ଏକ ଆଚ୍ଛାଦନରେ ତାହା ଢାଙ୍କି ଦୋଳା ଉପରେ ରଖିବେ।
\v 13 ପୁଣି, ସେମାନେ ବେଦିରୁ ଭସ୍ମ କାଢ଼ି ନେଇ ତହିଁ ଉପରେ ବାଇଗଣିଆ ବର୍ଣ୍ଣ ବସ୍ତ୍ର ବିଛାଇବେ।
\v 14 ଆଉ ତହିଁ ଉପରେ ସେମାନେ ଅଙ୍ଗାରଧାନୀ, ତ୍ରିଶୂଳ, କରଚୁଲି ଓ କୁଣ୍ଡ ପ୍ରଭୃତି ବେଦିର ସେବାର୍ଥକ ସମସ୍ତ ପାତ୍ର ରଖିବେ; ତହୁଁ ସେମାନେ ତହିଁ ଉପରେ ଶିଶୁକଚର୍ମର ଆଚ୍ଛାଦନ ଦେଇ ସାଙ୍ଗୀ ଲଗାଇବେ।
\s5
\v 15 ଏହିରୂପେ ଛାଉଣି ଅଗ୍ରସର ହେବା ସମୟରେ ହାରୋଣ, ତାଙ୍କର ପୁତ୍ରଗଣ ପବିତ୍ର ସ୍ଥାନ ଓ ପବିତ୍ର ସ୍ଥାନର ସମସ୍ତ ଦ୍ରବ୍ୟ ଢାଙ୍କିବାର ଶେଷ କଲା ଉତ୍ତାରେ କହାତ-ସନ୍ତାନଗଣ ତାହା ବହିବା ପାଇଁ ଆସିବେ; ମାତ୍ର ସେମାନଙ୍କର ମୃତ୍ୟୁୁ ଯେପରି ନ ହୁଏ, ଏଥିପାଇଁ ସେମାନେ ପବିତ୍ର ସ୍ଥାନ ସ୍ପର୍ଶ କରିବେ ନାହିଁ। ଏହା ହିଁ ସମାଗମ-ତମ୍ବୁରେ କହାତ-ସନ୍ତାନଗଣର ଭାର ହେବ।
\v 16 ଆଉ ସମସ୍ତ ଆବାସର ଓ ତନ୍ମଧ୍ୟସ୍ଥିତ ସମସ୍ତ ଦ୍ରବ୍ୟର, ପବିତ୍ର ସ୍ଥାନର ଓ ତହିଁରେ ସ୍ଥିତ ସମସ୍ତ ଦ୍ରବ୍ୟର ତତ୍ତ୍ୱାବଧାନ, ଅର୍ଥାତ୍‍, ଦୀପାର୍ଥକ ତୈଳ, ଧୂପାର୍ଥକ ସୁଗନ୍ଧି ଦ୍ରବ୍ୟ, ନିତ୍ୟ ଭକ୍ଷ୍ୟ-ନୈବେଦ୍ୟ ଓ ଅଭିଷେକାର୍ଥକ ତୈଳ, ଏହି ସବୁର ତତ୍ତ୍ୱାବଧାନ କାର୍ଯ୍ୟ ହାରୋଣଙ୍କ ପୁତ୍ର ଇଲୀୟାସର ଯାଜକର ହେବ।
\s5
\v 17 ଏଥିଉତ୍ତାରେ ସଦାପ୍ରଭୁ ମୋଶା ହାରୋଣଙ୍କୁ କହିଲେ,
\v 18 “ତୁମ୍ଭେମାନେ ଲେବୀୟମାନଙ୍କ ମଧ୍ୟରୁ କହାତ ବଂଶୀୟ ଗୋଷ୍ଠୀକୁ ଉଚ୍ଛିନ୍ନ କର ନାହିଁ” !
\v 19 ମାତ୍ର ସେମାନେ ମହାପବିତ୍ର ସ୍ଥାନର ନିକଟବର୍ତ୍ତୀ ହେଲା ସମୟରେ ଯେପରି ନ ମରି ବଞ୍ଚନ୍ତି, ଏଥିପାଇଁ ତୁମ୍ଭେମାନେ ସେମାନଙ୍କ ପ୍ରତି ଏରୂପ କରିବ; ହାରୋଣ ଓ ତାହାର ପୁତ୍ରଗଣ ଭିତରେ ଯାଇ ସେମାନଙ୍କର ପ୍ରତ୍ୟେକ ଜଣକୁ ଆପଣା ଆପଣା ସେବାରେ ଓ ଭାର ବହନରେ ନିଯୁକ୍ତ କରିବେ।
\v 20 ମାତ୍ର ସେମାନେ ଯେପରି ନ ମରନ୍ତି, ଏଥିପାଇଁ ସେମାନେ ପବିତ୍ର ସ୍ଥାନ ଦେଖିବା ନିମନ୍ତେ ଏକ ନିମିଷ ପର୍ଯ୍ୟନ୍ତ ଭିତରକୁ ଯିବେ ନାହିଁ।”
\s ଗେର୍ଶୋନ ବଂଶୀୟ ଲେବୀୟମାନଙ୍କ ଦାୟିତ୍ୱ
\p
\s5
\v 21 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
\v 22 “ତୁମ୍ଭେ ଗେର୍ଶୋନ-ସନ୍ତାନଗଣର ପିତୃଗୃହ ଓ ବଂଶାନୁସାରେ ସେମାନଙ୍କର ସଂଖ୍ୟା ନିଅ;
\v 23 ତିରିଶ ବର୍ଷ ବୟସ୍କଠାରୁ ପଚାଶ ବର୍ଷ ବୟସ୍କ ପର୍ଯ୍ୟନ୍ତ ଯେଉଁମାନେ ସମାଗମ-ତମ୍ବୁରେ କାର୍ଯ୍ୟ କରିବା ନିମନ୍ତେ ସେବକ ଶ୍ରେଣୀଭୁକ୍ତ ହୁଅନ୍ତି, ସେମାନଙ୍କୁ ଗଣନା କର।
\s5
\v 24 ସେବା କରିବା ଓ ଭାର ବହିବା କାର୍ଯ୍ୟ ମଧ୍ୟରେ ଗେର୍ଶୋନୀୟ ବଂଶର ସେବା ଏହି;
\v 25 ସେମାନେ ଆବାସର ଯବନିକା ସକଳ ଓ ସମାଗମ-ତମ୍ବୁ, ତହିଁର ଆଚ୍ଛାଦନ ଓ ତହିଁର ଉପରିସ୍ଥିତ ଶିଶୁକର ଚର୍ମର ଛାତ ଓ ସମାଗମ-ତମ୍ବୁ ଦ୍ୱାରର ଆଚ୍ଛାଦନ ବସ୍ତ୍ର;
\v 26 ଆଉ ପ୍ରାଙ୍ଗଣର ପରଦାସକଳ, ଆବାସର ଓ ବେଦିର ଚତୁର୍ଦ୍ଦିଗସ୍ଥିତ ପ୍ରାଙ୍ଗଣ ଦ୍ୱାରର ଆଚ୍ଛାଦନ ବସ୍ତ୍ର, ତହିଁର ରଜ୍ଜୁ ଓ ତହିଁର ସେବାର୍ଥକ ସମସ୍ତ ଦ୍ରବ୍ୟ ବହିବେ ଓ ସେହି ସବୁରେ ଯେଉଁ ଯେଉଁ କାର୍ଯ୍ୟ କରିବାକୁ ହୁଏ, ତାହାସବୁ କରିବେ।
\s5
\v 27 ହାରୋଣ ଓ ତାଙ୍କର ପୁତ୍ରଗଣର ଆଜ୍ଞାନୁସାରେ ଗେର୍ଶୋନର ସନ୍ତାନଗଣ ଆପଣା ଆପଣା ଭାର ଓ ସେବା ସମ୍ବନ୍ଧୀୟ ସମସ୍ତ କର୍ମ କରିବେ ଆଉ ତୁମ୍ଭେମାନେ ରକ୍ଷଣୀୟ ବୋଲି ସେମାନଙ୍କ ସମସ୍ତ ଭାରରେ ସେମାନଙ୍କୁ ନିଯୁକ୍ତ କରିବ।
\v 28 ସମାଗମ-ତମ୍ବୁରେ ଗେର୍ଶୋନୀୟ ସନ୍ତାନମାନଙ୍କ ବଂଶର ଏହି ସେବା; ପୁଣି, ସେମାନଙ୍କ ରକ୍ଷଣୀୟ ହାରୋଣ ଯାଜକର ପୁତ୍ର ଈଥାମରର ହସ୍ତଗତ ହେବ।
\s ମରାରି ବଂଶୀୟ ଲେବୀୟମାନଙ୍କ ଦାୟିତ୍ୱ
\p
\s5
\v 29 ଏଉତ୍ତାରେ ତୁମ୍ଭେ ମରାରି-ସନ୍ତାନଗଣର ବଂଶ ଓ ପିତୃଗୃହ ଅନୁସାରେ ସେମାନଙ୍କୁ ଗଣନା କରିବ।
\v 30 ତିରିଶ ବର୍ଷ ବୟସ୍କଠାରୁ ପଚାଶ ବର୍ଷ ବୟସ୍କ ପର୍ଯ୍ୟନ୍ତ ଯେଉଁମାନେ ସମାଗମ-ତମ୍ବୁରେ କାର୍ଯ୍ୟ କରିବା ନିମନ୍ତେ ସେବକ ଶ୍ରେଣୀଭୁକ୍ତ ହୁଅନ୍ତି, ସେମାନଙ୍କୁ ଗଣନା କରିବ।
\s5
\v 31 ପୁଣି, ସମାଗମ-ତମ୍ବୁରେ ସେମାନଙ୍କର ସମସ୍ତ ସେବାକର୍ମ ସମ୍ବନ୍ଧୀୟ ଏହି ଏହି ଭାର ସେମାନଙ୍କର ରକ୍ଷଣୀୟ ହେବ; ଆବାସର ପଟା, ତହିଁର ଅର୍ଗଳ, ସ୍ତମ୍ଭ ଓ ଚୁଙ୍ଗୀସକଳ,
\v 32 ପ୍ରାଙ୍ଗଣର ଚତୁର୍ଦ୍ଦିଗସ୍ଥ ସ୍ତମ୍ଭ, ତହିଁର ଚୁଙ୍ଗୀ, ମେଖ, ରଜ୍ଜୁ ଓ ତହିଁ ସମ୍ବନ୍ଧୀୟ ସମସ୍ତ ଦ୍ରବ୍ୟ ଓ କାର୍ଯ୍ୟ; ତୁମ୍ଭେମାନେ ସେମାନଙ୍କ ରକ୍ଷଣୀୟ-ଭାରର ଦ୍ରବ୍ୟାଦି ନାମ ଦ୍ୱାରା ନିରୂପଣ କରିବ।
\s5
\v 33 ସମାଗମ-ତମ୍ବୁରେ ମରାରି-ସନ୍ତାନମାନଙ୍କ ବଂଶର ସମସ୍ତ ସେବା ସମ୍ବନ୍ଧୀୟ ଏହି କାର୍ଯ୍ୟ; ଏହା ହାରୋଣ ଯାଜକର ପୁତ୍ର ଈଥାମରର ହସ୍ତଗତ ହେବ।
\s5
\v 34 ଏଥିଉତ୍ତାରେ ମୋଶା ଓ ହାରୋଣ ଓ ମଣ୍ଡଳୀର ଅଧିପତିଗଣ କହାତୀୟ ସନ୍ତାନମାନଙ୍କର ବଂଶ ଓ ପିତୃଗୃହ ଅନୁସାରେ ସେମାନଙ୍କ ମଧ୍ୟରୁ
\v 35 ତିରିଶ ବର୍ଷ ବୟସ୍କଠାରୁ ପଚାଶ ବର୍ଷ ବୟସ୍କ ପର୍ଯ୍ୟନ୍ତ ଯେଉଁମାନେ ସମାଗମ-ତମ୍ବୁରେ କର୍ମ କରିବା ନିମନ୍ତେ ସେବକ ଶ୍ରେଣୀଭୁକ୍ତ ହେଲେ, ସେମାନଙ୍କୁ ଗଣନା କଲେ।
\v 36 ତହିଁରେ ସେମାନଙ୍କ ବଂଶାନୁସାରେ ଗଣିତ ଲୋକ ଦୁଇ ହଜାର ସାତ ଶହ ପଚାଶ ଜଣ ହେଲେ;
\s5
\v 37 ଏମାନେ କହାତୀୟ ବଂଶର ଗଣିତ ଓ ସମାଗମ-ତମ୍ବୁର ସେବାକର୍ମରେ ନିଯୁକ୍ତ ଲୋକ; ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ମୋଶା ଓ ହାରୋଣ ଏମାନଙ୍କୁ ଗଣନା କଲେ।
\s5
\v 38 ପୁଣି, ଗେର୍ଶୋନର ସନ୍ତାନଗଣ ମଧ୍ୟରେ ଯେଉଁମାନେ ଆପଣା ଆପଣା ବଂଶ ଓ ପିତୃଗୃହ ଅନୁସାରେ ଗଣାଗଲେ,
\v 39 ଅର୍ଥାତ୍‍, ତିରିଶ ବର୍ଷ ବୟସ୍କଠାରୁ ପଚାଶ ବର୍ଷ ବୟସ୍କ ପର୍ଯ୍ୟନ୍ତ ଯେଉଁମାନେ ସମାଗମ-ତମ୍ବୁରେ କର୍ମ କରିବା ନିମନ୍ତେ ସେବକ ଶ୍ରେଣୀଭୁକ୍ତ ହେଲେ,
\v 40 ସେମାନେ ଆପଣା ଆପଣା ବଂଶ ଓ ପିତୃଗୃହ ଅନୁସାରେ ଗଣାଯା’ନ୍ତେ, ଦୁଇ ହଜାର ଛଅ ଶହ ତିରିଶ ଜଣ ହେଲେ।
\s5
\v 41 ଏମାନେ ଗେର୍ଶୋନ-ସନ୍ତାନଗଣର ବଂଶରେ ଗଣିତ ଓ ସମାଗମ-ତମ୍ବୁର ସେବାକର୍ମରେ ନିଯୁକ୍ତ ଲୋକ; ମୋଶା ଓ ହାରୋଣ ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଏମାନଙ୍କୁ ଗଣନା କଲେ।
\s5
\v 42 ଆଉ ମରାରି-ସନ୍ତାନଗଣର ବଂଶ ମଧ୍ୟରେ ଯେଉଁମାନେ ଆପଣା ଆପଣା ବଂଶ ଓ ପିତୃଗୃହ ଅନୁସାରେ ଗଣାଗଲେ,
\v 43 ଅର୍ଥାତ୍‍, ତିରିଶ ବର୍ଷ ବୟସ୍କଠାରୁ ପଚାଶ ବର୍ଷ ବୟସ୍କ ପର୍ଯ୍ୟନ୍ତ ଯେଉଁମାନେ ସମାଗମ-ତମ୍ବୁରେ କର୍ମ କରିବା ନିମନ୍ତେ ସେବକ ଶ୍ରେଣୀଭୁକ୍ତ ହେଲେ,
\v 44 ସେମାନେ ଆପଣା ଆପଣା ବଂଶ ଓ ପିତୃଗୃହ ଅନୁସାରେ ଗଣାଯା’ନ୍ତେ, ତିନି ହଜାର ଦୁଇ ଶହ ଜଣ ହେଲେ।
\s5
\v 45 ଏମାନେ ମରାରି ସନ୍ତାନଗଣ ବଂଶର ଗଣିତ ଲୋକ; ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ମୋଶା ଓ ହାରୋଣ ଏମାନଙ୍କୁ ଗଣନା କଲେ।
\s5
\v 46 ଏହିରୂପେ ମୋଶା, ହାରୋଣ ଓ ଇସ୍ରାଏଲର ଅଧିପତିଗଣ ଦ୍ୱାରା ଯେଉଁ ଲେବୀୟ ଲୋକମାନେ ଆପଣା ଆପଣା ବଂଶ ଓ ପିତୃଗୃହ ଅନୁସାରେ ଗଣିତ ହେଲେ,
\v 47 ଅର୍ଥାତ୍‍, ତିରିଶ ବର୍ଷ ବୟସ୍କଠାରୁ ପଚାଶ ବର୍ଷ ବୟସ୍କ ପର୍ଯ୍ୟନ୍ତ ଯେଉଁମାନେ ସମାଗମ-ତମ୍ବୁରେ ସେବାକର୍ମରେ ଓ ଭାର ବହିବା କର୍ମରେ ନିଯୁକ୍ତ ହେଲେ,
\v 48 ସେମାନେ ଗଣାଯା’ନ୍ତେ, ଆଠ ହଜାର ପାଞ୍ଚ ଶହ ଅଶୀ ଜଣ ହେଲେ।
\s5
\v 49 ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସେମାନେ ପ୍ରତ୍ୟେକେ ମୋଶାଙ୍କର ହସ୍ତ ଦ୍ୱାରା ଆପଣା ଆପଣା ସେବା ଓ ଭାର ବହିବା କର୍ମ ଅନୁସାରେ ଗଣିତ ହେଲେ; ଏହିରୂପେ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ତାଙ୍କ ଦ୍ୱାରା ସେମାନେ ଗଣିତ ହେଲେ।
\s5
\c 5
\s ଅଶୁଚି ବ୍ୟକ୍ତି ସମ୍ପର୍କୀୟ ବିଧି
\p
\v 1 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
\v 2 “ପ୍ରତ୍ୟେକ କୁଷ୍ଠୀକୁ ଓ ପ୍ରତ୍ୟେକ ପ୍ରମେହୀକୁ ଓ ଶବ ଛୁଇଁ ଅଶୁଚି ହେବା ପ୍ରତ୍ୟେକ ପ୍ରାଣୀକୁ ଛାଉଣିରୁ ବାହାର କରିବା ପାଇଁ ତୁମ୍ଭେ ଇସ୍ରାଏଲ ସନ୍ତାନଗଣକୁ ଆଜ୍ଞା ଦିଅ।”
\v 3 ତୁମ୍ଭେମାନେ ପୁରୁଷ ଓ ସ୍ତ୍ରୀ ଦୁହିଁଙ୍କୁ ବାହାର କରିବ, ତୁମ୍ଭେମାନେ ଛାଉଣିର ବାହାରେ ସେମାନଙ୍କୁ ରଖିବ; ସେମାନଙ୍କର ଯେଉଁ ଛାଉଣି ମଧ୍ୟରେ ଆମ୍ଭେ ବାସ କରୁ, ତାହା ସେମାନେ ଅଶୁଚି ନ କରନ୍ତୁ।
\v 4 ତହିଁରେ ଇସ୍ରାଏଲ ସନ୍ତାନଗଣ ସେହିରୂପ କଲେ, ପୁଣି, ଛାଉଣିର ବାହାରେ ସେମାନଙ୍କୁ ରଖିଲେ; ସଦାପ୍ରଭୁ ମୋଶାଙ୍କୁ ଯେପରି କହିଲେ, ଇସ୍ରାଏଲ ସନ୍ତାନଗଣ ସେପରି କଲେ।
\s ଦୋଷତ୍ରୁଟି ପାଇଁ କ୍ଷତିପୂରଣ
\p
\s5
\v 5 ଏଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
\v 6 “ତୁମ୍ଭେ ଇସ୍ରାଏଲ ସନ୍ତାନଗଣକୁ କୁହ, କୌଣସି ପୁରୁଷ କିମ୍ଵା ସ୍ତ୍ରୀ ଯଦି ସଦାପ୍ରଭୁଙ୍କ ବିରୁଦ୍ଧରେ ସତ୍ୟ-ଲଙ୍ଘନ କରି ମନୁଷ୍ୟମାନଙ୍କ ମଧ୍ୟରେ ପ୍ରଚଳିତ କୌଣସି ପାପ କରେ ଓ ସେହି ପ୍ରାଣୀ ଦଣ୍ଡନୀୟ ହୁଏ,
\v 7 ତେବେ ସେ ଆପଣା କୃତ ପାପ ସ୍ୱୀକାର କରିବ ଓ ସମ୍ପୂର୍ଣ୍ଣ ରୂପେ ଆପଣା ଦୋଷ ସକାଶୁ କ୍ଷତିପୂରଣ ଦେବ ଓ ତହିଁର ପଞ୍ଚମାଂଶ ଅଧିକ ମିଶାଇ ଯାହା ବିରୁଦ୍ଧରେ ଦୋଷ କରିଅଛି, ତାହାକୁ ଦେବ।
\s5
\v 8 ମାତ୍ର ଯାହାକୁ ଦୋଷ ନିମନ୍ତେ କ୍ଷତିପୂରଣ ଦିଆଯାଇ ପାରେ, ଏପରି ମୁକ୍ତିକର୍ତ୍ତା ଜ୍ଞାତି ଯଦି ସେହି ଲୋକର ନ ଥାଏ, ତେବେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଯେଉଁ ଦୋଷାର୍ଥକ କ୍ଷତିପୂରଣ ଦିଆଯାଏ, ତାହା ଯାଜକର ହେବ; ତାହା ବ୍ୟତୀତ ଯଦ୍ଦ୍ୱାରା ତାହା ପାଇଁ ପ୍ରାୟଶ୍ଚିତ୍ତ କରାଯିବ, ସେହି ପ୍ରାୟଶ୍ଚିତ୍ତାର୍ଥକ ମେଷବଳି ହିଁ ଦେବାକୁ ହେବ।
\v 9 ପୁଣି, ଇସ୍ରାଏଲ ସନ୍ତାନଗଣ ଆପଣାମାନଙ୍କ ପବିତ୍ର ବସ୍ତୁ ମଧ୍ୟରୁ ଯେତେ ଉତ୍ତୋଳନୀୟ ଉପହାର ଯାଜକ ନିକଟକୁ ଆଣନ୍ତି, ତାହାସବୁ ତାହାର ହେବ।
\v 10 ପ୍ରତ୍ୟେକ ମନୁଷ୍ୟର ଉତ୍ସର୍ଗୀତ ପବିତ୍ର ବସ୍ତୁ ତାହାର ହେବ; ମନୁଷ୍ୟ ଯେକୌଣସି ବସ୍ତୁ ଯାଜକକୁ ଦିଏ, ତାହା ତାହାର ହେବ।
\s ବ୍ୟଭିଚାରର ପରୀକ୍ଷା
\p
\s5
\v 11 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
\v 12 “ତୁମ୍ଭେ ଇସ୍ରାଏଲ ସନ୍ତାନଗଣକୁ କୁହ, କୌଣସି ମନୁଷ୍ୟର ଭାର୍ଯ୍ୟା ଯଦି ବିପଥଗାମିନୀ ହୋଇ ତାହା ବିରୁଦ୍ଧରେ ସତ୍ୟ-ଲଙ୍ଘନ କରେ,
\s5
\v 13 ଅର୍ଥାତ୍‍, ଯଦି କୌଣସି ପୁରୁଷ ତାହା ସହିତ ସହବାସ କରେ ଓ ତାହା ତାହାର ସ୍ୱାମୀର ଦୃଷ୍ଟିରୁ ଅଗୋଚର ହୋଇ ଗୁପ୍ତ ହୁଏ ଓ ସେ ଅଶୁଚି ହୁଏ, ପୁଣି, ତାହା ବିରୁଦ୍ଧରେ କେହି ସାକ୍ଷୀ ନ ଥାଏ, କିଅବା ସେ କର୍ମ ସମୟରେ ଧରା ପଡ଼ି ନ ଥାଏ;
\v 14 ଆଉ ଯଦି ସ୍ୱାମୀ ଈର୍ଷାଜନକ ଆତ୍ମାରେ ଆବିଷ୍ଟ ହୁଏ ଓ ଭାର୍ଯ୍ୟା ଅଶୁଚି ହେବାରୁ ତାହା ପ୍ରତି ଈର୍ଷାରେ ଜ୍ୱଳେ; ଅବା ଭାର୍ଯ୍ୟା ଅଶୁଚି ନୋହିଲେ ହେଁ ଯଦି ସ୍ୱାମୀ ଈର୍ଷାଜନକ ଆତ୍ମାରେ ଆବିଷ୍ଟ ହୋଇ ତାହା ପ୍ରତି ଈର୍ଷାରେ ଜ୍ୱଳେ;
\s5
\v 15 ତେବେ ସେହି ପୁରୁଷ ଆପଣା ଭାର୍ଯ୍ୟାକୁ ଯାଜକ ନିକଟକୁ ଆଣିବ ଓ ତାହା ନିମନ୍ତେ ଐଫାର ଦଶମାଂଶ ଯବ ମଇଦା ଉପହାର ଆଣିବ; ସେ ତହିଁ ଉପରେ ତୈଳ ଢାଳିବ ନାହିଁ ଅବା କୁନ୍ଦୁରୁ ଦେବ ନାହିଁ, କାରଣ ତାହା ଈର୍ଷାର ଭକ୍ଷ୍ୟ-ନୈବେଦ୍ୟ, ଅର୍ଥାତ୍ ଅପରାଧ-ସ୍ମରଣକାରୀ ସ୍ମରଣାର୍ଥକ ଭକ୍ଷ୍ୟ-ନୈବେଦ୍ୟ।
\s5
\v 16 ଏଉତ୍ତାରେ ଯାଜକ ସେହି ସ୍ତ୍ରୀକୁ ନିକଟକୁ ଆଣି ସଦାପ୍ରଭୁଙ୍କ ସମ୍ମୁଖରେ ଉପସ୍ଥିତ କରିବ।
\v 17 ପୁଣି, ଯାଜକ ମୃତ୍ତିକା ପାତ୍ରରେ ପବିତ୍ର ଜଳ ନେବ ଓ ଯାଜକ ଆବାସର ଚଟାଣରୁ ଧୂଳି ନେଇ ସେହି ଜଳରେ ପକାଇବ।
\s5
\v 18 ତହୁଁ ଯାଜକ ସେହି ସ୍ତ୍ରୀକୁ ସଦାପ୍ରଭୁଙ୍କ ସମ୍ମୁଖରେ ଉପସ୍ଥିତ କରିବ ଓ ସେହି ସ୍ତ୍ରୀର ମସ୍ତକର କେଶ ମୁକୁଳା କରି ସେହି ସ୍ମରଣାର୍ଥକ ଭକ୍ଷ୍ୟ-ନୈବେଦ୍ୟ, ଅର୍ଥାତ୍‍ ଈର୍ଷାର ଭକ୍ଷ୍ୟ-ନୈବେଦ୍ୟ ତାହାର ହସ୍ତରେ ଦେବ; ପୁଣି, ଯାଜକ ଆପଣା ହସ୍ତରେ ଅଭିଶାପଜନକ ତିକ୍ତ ଜଳ ରଖିବ।
\v 19 ଆଉ ଯାଜକ ସେହି ସ୍ତ୍ରୀକୁ ଶପଥ କରାଇ କହିବ, ଯଦି କୌଣସି ପୁରୁଷ ତୁମ୍ଭ ସହିତ ଶୟନ କରି ନ ଥାଏ ଓ ତୁମ୍ଭେ ଆପଣା ସ୍ୱାମୀର ଅଧୀନରେ ଥାଉ ଥାଉ ବିପଥଗାମିନୀ ହୋଇ ଅଶୁଚି କ୍ରିୟା କରି ନ ଥାଅ, ତେବେ ତୁମ୍ଭେ ଏହି ଅଭିଶାପଜନକ ତିକ୍ତ ଜଳରୁ ମୁକ୍ତ ହୁଅ।
\s5
\v 20 ମାତ୍ର ଯଦି ତୁମ୍ଭେ ଆପଣା ସ୍ୱାମୀର ଅଧୀନରେ ଥାଉ ଥାଉ ବିପଥଗାମିନୀ ହୋଇଥାଅ ଓ ତୁମ୍ଭେ ଅଶୁଚି ହୋଇଥାଅ, ପୁଣି, ତୁମ୍ଭ ସ୍ୱାମୀ ବ୍ୟତୀତ ଅନ୍ୟ କୌଣସି ପୁରୁଷ ତୁମ୍ଭ ସହିତ ଶୟନ କରିଥାଏ;
\v 21 ତେବେ ସଦାପ୍ରଭୁ ତୁମ୍ଭର ଊରୁ
\f +
\fr 5:21
\ft ଅର୍ଥାତ୍ ଗର୍ଭାଶୟ କିମ୍ବା ପ୍ରଜନନ ଅଙ୍ଗ
\f* ଅବଶ କରାଇ ଓ ତୁମ୍ଭର ଉଦର ଫୁଲାଇ ତୁମ୍ଭ ଲୋକମାନଙ୍କ ମଧ୍ୟରେ ତୁମ୍ଭଙ୍କୁ ଶପଥ ଓ ରାଣର ଫଳ ଭୋଗ କରାଉନ୍ତୁ;
\v 22 ତହିଁରେ ଏହି ଅଭିଶାପଜନକ ଜଳ ତୁମ୍ଭ ଉଦର ଫୁଲାଇବାକୁ ଓ ଊରୁ ଅବଶ କରାଇବାକୁ ତୁମ୍ଭ ଉଦରରେ ପ୍ରବେଶ କରୁ; ଏହି ସକଳ କଥା କହି ଯାଜକ ରାଣଯୁକ୍ତ ଶପଥ ଦ୍ୱାରା ସେହି ସ୍ତ୍ରୀକି ଶପଥ କରାଇବ; ତହିଁରେ ସେହି ସ୍ତ୍ରୀ ଆମେନ୍‍
\f +
\fr 5:22
\ft ଅର୍ଥାତ୍ ଏହିପରି ହେଉ
\f* କହିବ।
\s5
\v 23 ପୁଣି, ଯାଜକ ସେହି ଅଭିଶାପର କଥା ନଳାକାର ପୁସ୍ତକରେ ଲେଖିବ ଓ ତାହା ପୋଛି ତିକ୍ତ ଜଳରେ ପକାଇବ।
\s5
\v 24 ତହୁଁ ସେ ସେହି ସ୍ତ୍ରୀକୁ ଅଭିଶାପଜନକ ତିକ୍ତ ଜଳ ପିଆଇବ; ତହିଁରେ ସେହି ଅଭିଶାପଜନକ ଜଳ ତାହା ଉଦରରେ ପ୍ରବେଶ କରି ତିକ୍ତ ହେବ।
\v 25 ଆଉ ଯାଜକ ସେହି ସ୍ତ୍ରୀର ହସ୍ତରୁ ସେହି ଈର୍ଷାର ଭକ୍ଷ୍ୟ-ନୈବେଦ୍ୟ ନେଇ ସଦାପ୍ରଭୁଙ୍କ ସମ୍ମୁଖରେ ଦୋଳାଇବ, ପୁଣି, ବେଦି ଉପରକୁ ଆଣିବ;
\v 26 ତହୁଁ ଯାଜକ ସେହି ଭକ୍ଷ୍ୟ-ନୈବେଦ୍ୟରୁ ମୁଠିଏ ତହିଁର ସ୍ମରଣାର୍ଥକ ଅଂଶ ରୂପେ ନେଇ ବେଦି ଉପରେ ଦଗ୍ଧ କରିବ ଓ ତହିଁ ଉତ୍ତାରେ ସେହି ସ୍ତ୍ରୀକୁ ସେହି ଜଳ ପାନ କରାଇବ।
\s5
\v 27 ପୁଣି, ସେ ସେହି ସ୍ତ୍ରୀକୁ ଜଳ ପାନ କରାଇଲେ ଏପରି ହେବ, ଯଦି ସେହି ସ୍ତ୍ରୀ ଆପଣା ସ୍ୱାମୀ ବିରୁଦ୍ଧରେ ସତ୍ୟ-ଲଙ୍ଘନ କରି ଅଶୁଚି ହୋଇଥାଏ, ତେବେ ସେହି ଅଭିଶାପଜନକ ଜଳ ତାହା ମଧ୍ୟରେ ପ୍ରବେଶ କରି ତିକ୍ତ ହେବ ଓ ତାହାର ଉଦର ଫୁଲିବ ଓ ତାହାର ଊରୁ
\f +
\fr 5:27
\ft ଅର୍ଥାତ୍ ଗର୍ଭାଶୟ କିମ୍ବା ପ୍ରଜନନ ଅଙ୍ଗ
\f* ଅବଶ ହେବ; ଆଉ ସେହି ସ୍ତ୍ରୀ ଆପଣା ଲୋକଙ୍କ ମଧ୍ୟରେ ଅଭିଶାପ ସ୍ୱରୂପ ହେବ।
\v 28 ଆଉ ଯଦି ସେହି ସ୍ତ୍ରୀ ଅଶୁଚି ନ ହୋଇ ଶୁଚି ଥାଏ, ତେବେ ସେ ମୁକ୍ତ ହେବ ଓ ଗର୍ଭଧାରଣ କରିବ।
\s5
\v 29 ଏହା ଈର୍ଷା ବିଷୟକ ବ୍ୟବସ୍ଥା, ଯଥା, ଭାର୍ଯ୍ୟା ସ୍ୱାମୀର ଅଧୀନରେ ଥାଉ ଥାଉ ବିପଥଗାମିନୀ ହୋଇ ଅଶୁଚି ହେଲେ,
\v 30 ଅବା କୌଣସି ପୁରୁଷ ଈର୍ଷାଜନକ ଆତ୍ମାରେ ଆବିଷ୍ଟ ହୋଇ ଆପଣା ଭାର୍ଯ୍ୟା ପ୍ରତି ଈର୍ଷାରେ ଜ୍ୱଳିଲେ, ସେ ସେହି ସ୍ତ୍ରୀକୁ ସଦାପ୍ରଭୁଙ୍କ ସମ୍ମୁଖରେ ଉପସ୍ଥିତ କରାଇବ, ପୁଣି, ଯାଜକ ସେହି ସ୍ତ୍ରୀ ପ୍ରତି ଏହି ସମସ୍ତ ବ୍ୟବସ୍ଥା ପାଳନ କରିବ।
\s5
\v 31 ତହିଁରେ ସେହି ପୁରୁଷ ଅପରାଧରୁ ମୁକ୍ତ ହେବ ଓ ସେହି ସ୍ତ୍ରୀ ଆପଣା ଆପଣା ଅପରାଧ ବୋହିବ।
\s5
\c 6
\s ନାସରୀୟ ବ୍ରତ
\p
\v 1 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
\v 2 “ତୁମ୍ଭେ ଇସ୍ରାଏଲ ସନ୍ତାନଗଣକୁ କୁହ, କୌଣସି ପୁରୁଷ କିମ୍ବା ସ୍ତ୍ରୀ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପୃଥକ୍ ହେବା ନିମନ୍ତେ ଯଦି ନାସରୀୟ
\f +
\fr 6:2
\ft ଅର୍ଥାତ୍ ପୃଥକ
\f* କୌଣସି ବିଶେଷ ବ୍ରତ କରେ,
\v 3 ତେବେ ସେ ଦ୍ରାକ୍ଷାରସ ଓ ସୁରାରୁ ଆପଣାକୁ ପୃଥକ୍ କରିବ; ସେ ଦ୍ରାକ୍ଷାରସର ସିର୍କା ଓ ସୁରାର ସିର୍କା ପାନ କରିବ ନାହିଁ, କିଅବା ସେ ଦ୍ରାକ୍ଷାଫଳ ଜାତ କୌଣସି ପେୟ ପାନ କରିବ ନାହିଁ ଓ କଞ୍ଚା କିମ୍ବା ଶୁଖିଲା ଦ୍ରାକ୍ଷାଫଳ ଖାଇବ ନାହିଁ।
\v 4 ସେ ତାହାର ପୃଥକ୍ ଥିବା ସମସ୍ତ ଦିନ ଦ୍ରାକ୍ଷାଫଳରେ ପ୍ରସ୍ତୁତ କୌଣସି ଦ୍ରବ୍ୟ କିମ୍ବା ତହିଁର ମଞ୍ଜିଠାରୁ ଚୋପା ପର୍ଯ୍ୟନ୍ତ କିଛି ଖାଇବ ନାହିଁ।
\s5
\v 5 ତାହାର ବ୍ରତ ହେତୁ ପୃଥକ୍ ଥିବା ସମସ୍ତ ଦିନ ତାହାର ମସ୍ତକରେ କ୍ଷୁର ଲାଗିବ ନାହିଁ; ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପୃଥକ୍ ଥିବା ଦିନ ସମାପ୍ତ ହେବା ପର୍ଯ୍ୟନ୍ତ ସେ ପବିତ୍ର ରହିବ, ସେ ଆପଣା ମସ୍ତକର କେଶ ବୃଦ୍ଧି ପାଇବାକୁ ଦେବ।
\s5
\v 6 ସେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପୃଥକ୍ ଥିବା ସମସ୍ତ ଦିନ କୌଣସି ଶବ ନିକଟକୁ ଯିବ ନାହିଁ।
\v 7 ଆପଣା ପିତା କିମ୍ବା ମାତା କିମ୍ବା ଭ୍ରାତା କିମ୍ବା ଭଗିନୀ ମଲେ, ସେ ସେମାନଙ୍କ ସକାଶୁ ଆପଣାକୁ ଅଶୁଚି କରିବ ନାହିଁ; କାରଣ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ପୃଥକ୍ ହେବାର ଚିହ୍ନ ତାହାର ମସ୍ତକରେ ଅଛି।
\v 8 ତାହାର ପୃଥକ୍ ଥିବା ସମସ୍ତ ଦିନ ସେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର।
\s5
\v 9 ଆଉ ଯଦି କୌଣସି ମନୁଷ୍ୟ ହଠାତ୍‍ ତାହା ନିକଟରେ ମରିବାରୁ ସେ ଆପଣା ପ୍ରତିଷ୍ଠିତ ମସ୍ତକ ଅଶୁଚି କରେ, ତେବେ ସେ ଶୌଚ-ଦିନରେ ଆପଣା ମସ୍ତକ ମୁଣ୍ଡନ କରିବ, ଅର୍ଥାତ୍‍, ସେ ସପ୍ତମ ଦିନରେ ତାହା ମୁଣ୍ଡନ କରିବ।
\s5
\v 10 ପୁଣି, ଅଷ୍ଟମ ଦିନରେ ସେ ଦୁଇ ଘୁଘୁ ଅବା ଦୁଇ କପୋତ ଛୁଆ ସମାଗମ-ତମ୍ବୁ ଦ୍ୱାରରେ ଯାଜକ ନିକଟକୁ ଆଣିବ।
\v 11 ଆଉ ଯାଜକ ତହିଁରୁ ଗୋଟିକୁ ପାପାର୍ଥେ ଓ ଅନ୍ୟଟିକୁ ହୋମାର୍ଥେ ଉତ୍ସର୍ଗ କରିବ ଓ ସେ ଶବ-ଘଟିତ ଯେଉଁ ପାପ କଲା, ତହିଁ ଲାଗି ପ୍ରାୟଶ୍ଚିତ୍ତ କରିବ ଓ ସେ ସେହିଦିନ ତାହାର ମସ୍ତକ ପବିତ୍ର କରିବ।
\s5
\v 12 ତହୁଁ ସେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପୃଥକ୍ ହୋଇ ରହିବା ଦିନମାନ ପୃଥକ୍ କରିବ, ପୁଣି, ଦୋଷାର୍ଥକ ବଳି ନିମନ୍ତେ ଏକବର୍ଷୀୟ ଗୋଟିଏ ମେଷବତ୍ସ ଆଣିବ; ମାତ୍ର ପୂର୍ବ ଦିନସବୁ ବୃଥା ହେବ, କାରଣ ତାହାର ପୃଥକ‍କରଣ ଅଶୁଚି ହେଲା।
\s5
\v 13 ଆଉ ପୃଥକ୍ ରହିବା ଦିନ ସମ୍ପୂର୍ଣ୍ଣ ହେଲେ, ନାସରୀୟ ବ୍ରତର ଏହି ବ୍ୟବସ୍ଥା ବ୍ରତକାରୀ ସମାଗମ-ତମ୍ବୁ ଦ୍ୱାର ନିକଟକୁ ଅଣାଯିବ।
\v 14 ପୁଣି, ସେ ହୋମାର୍ଥେ ଏକବର୍ଷୀୟ ନିଖୁନ୍ତ ଏକ ମେଷବତ୍ସ ଓ ପାପାର୍ଥେ ଏକବର୍ଷୀୟ ନିଖୁନ୍ତ ଏକ ମେଷବତ୍ସା ଓ ମଙ୍ଗଳାର୍ଥେ ନିଖୁନ୍ତ ଏକ ମେଷ
\v 15 ଓ ଏକ ଡାଲା ତାଡ଼ିଶୂନ୍ୟ ରୁଟି, ତୈଳ ମିଶ୍ରିତ ସରୁ ମଇଦାର ପିଠା, ତାଡ଼ିଶୂନ୍ୟ ତୈଳାକ୍ତ ସରୁ ଚକୁଳି, ତହିଁର ଭକ୍ଷ୍ୟ ଓ ପେୟ-ନୈବେଦ୍ୟ, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବ।
\s5
\v 16 ତହୁଁ ଯାଜକ ସଦାପ୍ରଭୁଙ୍କ ସମ୍ମୁଖରେ ଏହିସବୁ ଆଣି ତାହାର ପାପାର୍ଥକ ବଳି ଓ ହୋମାର୍ଥକ ବଳି ଉତ୍ସର୍ଗ କରିବ।
\v 17 ତହିଁ ଉତ୍ତାରେ ସେ ତାଡ଼ିଶୂନ୍ୟ ରୁଟିର ଡାଲା ସହିତ ମଙ୍ଗଳାର୍ଥକ ମେଷବଳି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବ; ମଧ୍ୟ ଯାଜକ ତହିଁର ଭକ୍ଷ୍ୟ-ନୈବେଦ୍ୟ ଓ ପେୟ-ନୈବେଦ୍ୟ ଉତ୍ସର୍ଗ କରିବ।
\s5
\v 18 ତେବେ ନାସରୀୟ ଲୋକ ସମାଗମ-ତମ୍ବୁ ଦ୍ୱାରରେ ଆପଣା ପ୍ରତିଷ୍ଠିତ ମସ୍ତକ ମୁଣ୍ଡନ କରିବ ଓ ଆପଣା ପ୍ରତିଷ୍ଠିତ ମସ୍ତକର କେଶ ନେଇ ମଙ୍ଗଳାର୍ଥକ ବଳିର ଅଧଃସ୍ଥିତ ଅଗ୍ନିରେ ପକାଇବ।
\s5
\v 19 ପୁଣି, ନାସରୀୟ ଲୋକ ଆପଣା ପ୍ରତିଷ୍ଠିତ ମସ୍ତକ ମୁଣ୍ଡନ କଲା ଉତ୍ତାରେ, ଯାଜକ ସେହି ମେଷର ଜଳସିଦ୍ଧ ସ୍କନ୍ଧ, ଡାଲାରୁ ଗୋଟିଏ ତାଡ଼ିଶୂନ୍ୟ ପିଠା ଓ ତାଡ଼ିଶୂନ୍ୟ ସରୁ ଚକୁଳି ନେଇ ତାହାର ହସ୍ତରେ ଦେବ।
\v 20 ଆଉ, ଯାଜକ ଦୋଳନୀୟ ନୈବେଦ୍ୟାର୍ଥେ ତାହାସବୁ ସଦାପ୍ରଭୁଙ୍କ ସମ୍ମୁଖରେ ଦୋଳାଇବ; ତହିଁରେ ଦୋଳନୀୟ ବକ୍ଷ ଓ ଉତ୍ତୋଳନୀୟ ଚଟୁଆ ସହିତ ତାହା ଯାଜକର ଉଦ୍ଦେଶ୍ୟରେ ପବିତ୍ର ହେବ; ତହିଁ ଉତ୍ତାରେ ସେହି ନାସରୀୟ ଲୋକ ଦ୍ରାକ୍ଷାରସ ପାନ କରି ପାରିବ।
\s5
\v 21 ନାସରୀୟ ବ୍ରତଧାରୀ ଲୋକ ଯାହା ଦେବାକୁ ସକ୍ଷମ, ତାହା ବ୍ୟତୀତ ଓ ତାହାର ପୃଥକ୍ ରହିବା ସକାଶୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନୈବେଦ୍ୟ-ଦାନର ବ୍ୟବସ୍ଥା ଏହି; ସେ ଯେରୂପ ବ୍ରତ କରେ, ପୃଥକ୍ ରହିବା ବ୍ୟବସ୍ଥାନୁସାରେ ତାହା ତାହାକୁ କରିବାକୁ ହେବ।
\s ଯାଜକୀୟ ଆଶୀର୍ବାଦ
\p
\s5
\v 22 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
\v 23 “ତୁମ୍ଭେ ହାରୋଣ ଓ ତାହାର ପୁତ୍ରଗଣକୁ କୁହ, ତୁମ୍ଭେମାନେ ଇସ୍ରାଏଲ ସନ୍ତାନଗଣକୁ ଏହିରୂପେ ଆଶୀର୍ବାଦ କରିବ; ତୁମ୍ଭେମାନେ ସେମାନଙ୍କୁ କହିବ,
\v 24 “ସଦାପ୍ରଭୁ ତୁମ୍ଭକୁ ଆଶୀର୍ବାଦ କରନ୍ତୁ ଓ ତୁମ୍ଭକୁ ରକ୍ଷା କରନ୍ତୁ;
\s5
\v 25 ସଦାପ୍ରଭୁ ତୁମ୍ଭ ଉପରେ ଆପଣା ମୁଖର ତେଜ ପ୍ରକାଶ କରନ୍ତୁ ଓ ତୁମ୍ଭକୁ ଅନୁଗ୍ରହ କରନ୍ତୁ;
\v 26 ସଦାପ୍ରଭୁ ତୁମ୍ଭ ଉପରେ ଆପଣା ମୁଖ ଉଠାଉନ୍ତୁ ଓ ତୁମ୍ଭକୁ ଶାନ୍ତି ଦେଉନ୍ତୁ।”
\v 27 ଏହିରୂପେ ସେମାନେ ଇସ୍ରାଏଲ ସନ୍ତାନଗଣ ଉପରେ ଆମ୍ଭର ନାମ ରଖିବେ; ତହିଁରେ ଆମ୍ଭେ ସେମାନଙ୍କୁ ଆଶୀର୍ବାଦ କରିବା।
\s5
\c 7
\s ଆବାସ ସ୍ଥାପନାର୍ଥେ ନୈବେଦ୍ୟ
\p
\v 1 ଏଥିଉତ୍ତାରେ ଯେଉଁଦିନ ମୋଶା ଆବାସ-ସ୍ଥାପନ ସମାପ୍ତ କରି ତାହା ଅଭିଷେକ ଓ ପବିତ୍ର କଲେ ଓ ତହିଁର ସକଳ ଦ୍ରବ୍ୟ ଓ ବେଦି ଓ ତହିଁର ସକଳ ପାତ୍ର ଅଭିଷେକ କରି ପବିତ୍ର କଲେ;
\v 2 ସେହିଦିନ ଇସ୍ରାଏଲର ଅଧିପତିଗଣ, ସେମାନଙ୍କ ପିତୃଗୃହର ପ୍ରଧାନଗଣ ନୈବେଦ୍ୟ ଦାନ କଲେ; ଏମାନେ ବଂଶସମୂହର ଅଧିପତି ଥିଲେ ଓ ଗଣିତ ଲୋକମାନଙ୍କ ଉପରେ ନିଯୁକ୍ତ ଥିଲେ।
\v 3 ପୁଣି, ସେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନୈବେଦ୍ୟ ନିମନ୍ତେ ଛଅଗୋଟି ଆଚ୍ଛାଦିତ ଶଗଡ଼ ଓ ବାରଟି ଗୋରୁ, ଅର୍ଥାତ୍‍, ଦୁଇ ଦୁଇ ଅଧିପତି ଏକ ଏକ ଶଗଡ଼ ଓ ଏକ ଏକ ଜଣ ଏକ ଏକ ଗୋରୁ ଆଣି ଆବାସ ସମ୍ମୁଖରେ ଉପସ୍ଥିତ କରାଇଲେ।
\s5
\v 4 ତହୁଁ ସଦାପ୍ରଭୁ ମୋଶାଙ୍କୁ କହିଲେ,
\v 5 “ତୁମ୍ଭେ ସେମାନଙ୍କଠାରୁ ତାହା ଗ୍ରହଣ କର, ତାହା ସବୁ ସମାଗମ-ତମ୍ବୁର ସେବା ନିମନ୍ତେ ହେବ; ଆଉ ତୁମ୍ଭେ ପ୍ରତ୍ୟେକ ଜଣ ଆପଣା ଆପଣା ସେବାନୁସାରେ ଲେବୀୟମାନଙ୍କୁ ତାହାସବୁ ଦେବ।”
\s5
\v 6 ତହୁଁ ମୋଶା ସେହି ଶଗଡ଼ ଓ ଗୋରୁ ନେଇ ଲେବୀୟମାନଙ୍କୁ ଦେଲେ।
\v 7 ଗେର୍ଶୋନୀୟ-ସନ୍ତାନଗଣକୁ ସେମାନଙ୍କ ସେବାନୁସାରେ ସେ ଦୁଇ ଶଗଡ଼ ଓ ଚାରି ଗୋରୁ ଦେଲେ।
\v 8 ହାରୋଣ ଯାଜକଙ୍କର ପୁତ୍ର ଈଥାମରର ହସ୍ତାଧୀନରେ ମରାରି-ସନ୍ତାନଗଣକୁ ସେମାନଙ୍କ ସେବାନୁସାରେ ସେ ଚାରି ଶଗଡ଼ ଓ ଆଠ ଗୋରୁ ଦେଲେ।
\s5
\v 9 ମାତ୍ର ସେ କହାତ-ସନ୍ତାନଗଣକୁ କିଛି ଦେଲେ ନାହିଁ, କାରଣ ପବିତ୍ର ସ୍ଥାନର ସେବାକର୍ମ ସେମାନଙ୍କର ଥିଲା; ସେମାନେ ସ୍କନ୍ଧରେ ତାହା ବୋହିଲେ।
\s5
\v 10 ଆଉ ବେଦିର ଅଭିଷେକ ଦିନ ଅଧିପତିଗଣ ତହିଁର ପ୍ରତିଷ୍ଠା ନିମନ୍ତେ ଦାନ କଲେ, ଅର୍ଥାତ୍‍, ସେହି ଅଧିପତିଗଣ ବେଦି ସମ୍ମୁଖରେ ଆପଣା ଆପଣା ଉପହାର ଉତ୍ସର୍ଗ କଲେ।
\v 11 ତହିଁରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ପ୍ରତ୍ୟେକ ଅଧିପତି ଆପଣା ଆପଣା ଦିନରେ ବେଦିର ପ୍ରତିଷ୍ଠା ନିମନ୍ତେ ଉପହାର ଉତ୍ସର୍ଗ କରିବେ।”
\s5
\v 12 ତହିଁରେ ପ୍ରଥମ ଦିନ ଯିହୁଦା ବଂଶଜାତ ଅମ୍ମୀନାଦବର ପୁତ୍ର ନହଶୋନ ଆପଣା ଉପହାର ଉତ୍ସର୍ଗ କଲା;
\v 13 ତାହାର ଉପହାର ପବିତ୍ର ସ୍ଥାନର ଶେକଲ ଅନୁସାରେ ଶହେ ତିରିଶ ଶେକଲ ପରିମିତ ରୂପାର ଏକ ଥାଳୀ ଓ ସତୁରି ଶେକଲ ପରିମିତ ରୂପାର ଏକ କୁଣ୍ଡ;
\f +
\fr 7:13
\ft ପ୍ରାୟ ୭୭୦ ଗ୍ରାମ୍ ରୂପା
\f* ଏହି ଦୁଇ ଭକ୍ଷ୍ୟ-ନୈବେଦ୍ୟାର୍ଥେ ତୈଳ ମିଶ୍ରିତ ସରୁ ମଇଦାରେ ପୂର୍ଣ୍ଣ;
\v 14 ଧୂପରେ ପରିପୂର୍ଣ୍ଣ ଦଶ ଶେକଲ ପରିମିତ ସ୍ୱର୍ଣ୍ଣର ଏକ ଚାମଚ
\f +
\fr 7:14
\ft ପ୍ରାୟ ୧୧୦ ଗ୍ରାମ୍
\f* ;
\s5
\v 15 ହୋମ ନିମନ୍ତେ ଏକ ଗୋବତ୍ସ, ଏକ ମେଷ ଓ ଏକବର୍ଷୀୟ ଏକ ମେଷବତ୍ସ;
\v 16 ପାପାର୍ଥକ ବଳିଦାନ ନିମନ୍ତେ ଏକ ଛାଗ
\v 17 ଓ ମଙ୍ଗଳାର୍ଥକ ବଳିଦାନ ନିମନ୍ତେ ଦୁଇ ଗୋରୁ, ପାଞ୍ଚ ମେଷ, ପାଞ୍ଚ ଛାଗ ଓ ଏକବର୍ଷୀୟ ପାଞ୍ଚ ମେଷବତ୍ସ ଏହା ଅମ୍ମୀନାଦବର ପୁତ୍ର ନହଶୋନର ଉପହାର।
\s5
\v 18 ଦ୍ୱିତୀୟ ଦିନ ଇଷାଖରର ଅଧିପତି ସୂୟାରର ପୁତ୍ର ନଥନେଲ ଆପଣା ଉପହାର ଉତ୍ସର୍ଗ କଲା,
\v 19 ସେ ଆପଣା ଉପହାର ନିମନ୍ତେ ପବିତ୍ର ସ୍ଥାନର ଶେକଲ ଅନୁସାରେ ଏହା ଦେଲା, ଅର୍ଥାତ୍‍, ଏକ ଶହ ତିରିଶ ଶେକଲ ପରିମିତ ରୂପାର ଏକ ଥାଳୀ
\f +
\fr 7:19
\ft ପ୍ରାୟ ୧,୪୩୦ ଗ୍ରାମ୍
\f* ଓ ସତୁରି ଶେକଲ ପରିମିତ ରୂପାର ଏକ କୁଣ୍ଡ
\f +
\fr 7:19
\ft ପ୍ରାୟ ୭୭୦ ଗ୍ରାମ୍ ଓଜନ ରୂପାର ଏକ କୁଣ୍ଡ
\f* , ଏହି ଦୁଇ ଭକ୍ଷ୍ୟ-ନୈବେଦ୍ୟ ନିମନ୍ତେ ତୈଳମିଶ୍ରିତ ସରୁ ମଇଦାରେ ପୂର୍ଣ୍ଣ;
\s5
\v 20 ଧୂପରେ ପରିପୂର୍ଣ୍ଣ ଦଶ ଶେକଲ
\f +
\fr 7:20
\ft ପ୍ରାୟ ୧୧୦ ଗ୍ରାମ୍
\f* ପରିମିତ ସ୍ୱର୍ଣ୍ଣର ଏକ ଚାମଚ;
\v 21 ହୋମ ନିମନ୍ତେ ଏକ ଗୋବତ୍ସ, ଏକ ମେଷ ଓ ଏକବର୍ଷୀୟ ଏକ ମେଷବତ୍ସ;
\v 22 ପାପାର୍ଥକ ବଳିଦାନ ନିମନ୍ତେ ଏକ ଛାଗ,
\v 23 ମଙ୍ଗଳାର୍ଥକ ବଳିଦାନ ନିମନ୍ତେ ଦୁଇ ଗୋରୁ, ପାଞ୍ଚ ମେଷ, ପାଞ୍ଚ ଛାଗ ଓ ଏକବର୍ଷୀୟ ପାଞ୍ଚ ମେଷବତ୍ସ; ଏହା ସୂୟାରର ପୁତ୍ର ନଥନେଲର ଉପହାର।
\s5
\v 24 ତୃତୀୟ ଦିନ ସବୂଲୂନ-ସନ୍ତାନଗଣର ଅଧିପତି ହେଲୋନର ପୁତ୍ର ଇଲୀୟାବ୍‍ ଆଣିଲା;
\v 25 ତାହାର ଉପହାର ପବିତ୍ର ସ୍ଥାନର ଶେକଲ ଅନୁସାରେ ଏକ ଶହ ତିରିଶ ଶେକଲ ପରିମିତ
\f +
\fr 7:25
\ft ପ୍ରାୟ ୧,୪୩୦ ଗ୍ରାମ୍ ଓଜନ ରୂପାର ଏକ ଥାଳୀ
\f* ରୂପାର ଏକ ଥାଳୀ ଓ ସତୁରି ଶେକଲ
\f +
\fr 7:25
\ft ପ୍ରାୟ ୭୭୦ ଗ୍ରାମ୍
\f* ପରିମିତ ରୂପାର ଏକ କୁଣ୍ଡ, ଏହି ଦୁଇ ଭକ୍ଷ୍ୟ-ନୈବେଦ୍ୟ ନିମନ୍ତେ ତୈଳ ମିଶ୍ରିତ ସରୁ ମଇଦାରେ ପୂର୍ଣ୍ଣ;
\v 26 ଧୂପରେ ପରିପୂର୍ଣ୍ଣ ଦଶ ଶେକଲ
\f +
\fr 7:26
\ft ପ୍ରାୟ ୧୧୦ ଗ୍ରାମ୍
\f* ପରିମିତ ସ୍ୱର୍ଣ୍ଣର ଏକ ଚାମଚ;
\s5
\v 27 ହୋମ ନିମନ୍ତେ ଏକ ଗୋବତ୍ସ, ଏକ ମେଷ ଓ ଏକବର୍ଷୀୟ ଏକ ମେଷବତ୍ସ;
\v 28 ପାପାର୍ଥକ ବଳିଦାନ ନିମନ୍ତେ ଏକ ଛାଗ,
\v 29 ମଙ୍ଗଳାର୍ଥକ ବଳିଦାନ ନିମନ୍ତେ ଦୁଇ ଗୋରୁ, ପାଞ୍ଚ ମେଷ, ପାଞ୍ଚ ଛାଗ ଓ ଏକବର୍ଷୀୟ ପାଞ୍ଚ ମେଷବତ୍ସ; ଏହା ହେଲୋନର ପୁତ୍ର ଇଲୀୟାବ୍‍ର ଉପହାର।
\s5
\v 30 ଚତୁର୍ଥ ଦିନ ରୁବେନ୍‍-ସନ୍ତାନଗଣର ଅଧିପତି ଶଦେୟରର ପୁତ୍ର ଇଲୀଷୂର ଆଣିଲା;
\v 31 ତାହାର ଉପହାର ପବିତ୍ର ସ୍ଥାନର ଶେକଲ ଅନୁସାରେ ଏକ ଶହ ତିରିଶ ଶେକଲ
\f +
\fr 7:31
\ft 7:25
\f* ପରିମିତ ରୂପାର ଏକ ଥାଳୀ ଓ ସତୁରି ଶେକଲ
\f +
\fr 7:31
\ft 7:13
\f* ପରିମିତ ରୂପାର ଏକ କୁଣ୍ଡ, ଏହି ଦୁଇ ଭକ୍ଷ୍ୟ-ନୈବେଦ୍ୟ ନିମନ୍ତେ ତୈଳ ମିଶ୍ରିତ ସରୁ ମଇଦାରେ ପୂର୍ଣ୍ଣ;
\v 32 ଧୂପରେ ପରିପୂର୍ଣ୍ଣ ଦଶ ଶେକଲ
\f +
\fr 7:32
\ft 7:14
\f* ପରିମିତ ସ୍ୱର୍ଣ୍ଣର ଏକ ଚାମଚ;
\s5
\v 33 ହୋମ ନିମନ୍ତେ ଏକ ଗୋବତ୍ସ, ଏକ ମେଷ ଓ ଏକବର୍ଷୀୟ ଏକ ମେଷବତ୍ସ;
\v 34 ପାପାର୍ଥକ ବଳିଦାନ ନିମନ୍ତେ ଏକ ଛାଗ;
\v 35 ମଙ୍ଗଳାର୍ଥକ ବଳିଦାନ ନିମନ୍ତେ ଦୁଇ ଗୋରୁ, ପାଞ୍ଚ ମେଷ, ପାଞ୍ଚ ଛାଗ ଓ ଏକବର୍ଷୀୟ ପାଞ୍ଚ ମେଷବତ୍ସ; ଏହା ଶଦେୟରର ପୁତ୍ର ଇଲୀଷୂରର ଉପହାର।
\s5
\v 36 ପଞ୍ଚମ ଦିନ ଶିମୀୟୋନ-ସନ୍ତାନଗଣର ଅଧିପତି ସୂରୀଶଦ୍ଦୟର ପୁତ୍ର ଶଲୁମୀୟେଲ ଆଣିଲା;
\v 37 ତାହାର ଉପହାର ପବିତ୍ର ସ୍ଥାନର ଶେକଲ ଅନୁସାରେ ଏକ ଶହ ତିରିଶ ଶେକଲ ପରିମିତ ରୂପାରେ ଏକ ଥାଳୀ ଓ ସତୁରି ଶେକଲ
\f +
\fr 7:37
\ft 7:13
\f* ପରିମିତ ରୂପାର ଏକ କୁଣ୍ଡ; ଏହି ଦୁଇ ଭକ୍ଷ୍ୟ-ନୈବେଦ୍ୟ ନିମନ୍ତେ ତୈଳ ମିଶ୍ରିତ ସରୁ ମଇଦାରେ ପୂର୍ଣ୍ଣ;
\v 38 ଧୂପରେ ପରିପୂର୍ଣ୍ଣ ଦଶ ଶେକଲ
\f +
\fr 7:38
\ft 7:14
\f* ପରିମିତ ସ୍ୱର୍ଣ୍ଣର ଏକ ଚାମଚ;
\s5
\v 39 ହୋମ ନିମନ୍ତେ ଏକ ଗୋବତ୍ସ, ଏକ ମେଷ ଓ ଏକବର୍ଷୀୟ ଏକ ମେଷବତ୍ସ;
\v 40 ପାପାର୍ଥକ ବଳିଦାନ ନିମନ୍ତେ ଏକ ଛାଗ,
\v 41 ମଙ୍ଗଳାର୍ଥକ ବଳିଦାନ ନିମନ୍ତେ ଦୁଇ ଗୋରୁ, ପାଞ୍ଚ ମେଷ, ପାଞ୍ଚ ଛାଗ ଓ ଏକବର୍ଷୀୟ ପାଞ୍ଚ ମେଷବତ୍ସ ଏହା ସୂରୀଶଦ୍ଦୟର ପୁତ୍ର ଶଲୁମୀୟେଲର ଉପହାର।
\s5
\v 42 ଷଷ୍ଠ ଦିନ ଗାଦ୍‍-ସନ୍ତାନଗଣର ଅଧିପତି ଦ୍ୟୂୟେଲର ପୁତ୍ର ଇଲୀୟାସଫ୍‍ ଆଣିଲା;
\v 43 ତାହାର ଉପହାର ପବିତ୍ର ସ୍ଥାନର ଶେକଲ ଅନୁସାରେ ଏକ ଶହ ତିରିଶ ଶେକଲ
\f +
\fr 7:43
\ft ପ୍ରାୟ ୧,୪୩୦ ଗ୍ରାମ୍
\f* ପରିମିତ ରୂପାର ଏକ ଥାଳୀ ଓ ସତୁରି ଶେକଲ
\f +
\fr 7:43
\ft 7:19
\f* ପରିମିତ ରୂପାର ଏକ କୁଣ୍ଡ, ଏହି ଦୁଇ ଭକ୍ଷ୍ୟ-ନୈବେଦ୍ୟ ନିମନ୍ତେ ତୈଳ ମିଶ୍ରିତ ସରୁ ମଇଦାରେ ପୂର୍ଣ୍ଣ;
\v 44 ଆଉ ଧୂପରେ ପରିପୂର୍ଣ୍ଣ ଦଶ ଶେକଲ
\f +
\fr 7:44
\ft 7:14
\f* ପରିମିତ ସ୍ୱର୍ଣ୍ଣର ଏକ ଚାମଚ;
\s5
\v 45 ହୋମ ନିମନ୍ତେ ଏକ ଗୋବତ୍ସ, ଏକ ମେଷ ଓ ଏକବର୍ଷୀୟ ଏକ ମେଷବତ୍ସ;
\v 46 ପାପାର୍ଥକ ବଳିଦାନ ନିମନ୍ତେ ଏକ ଛାଗ;
\v 47 ମଙ୍ଗଳାର୍ଥକ ବଳିଦାନ ନିମନ୍ତେ ଦୁଇ ଗୋରୁ, ପାଞ୍ଚ ମେଷ, ପାଞ୍ଚ ଛାଗ ଓ ଏକବର୍ଷୀୟ ପାଞ୍ଚ ମେଷବତ୍ସ; ଏହା ଦ୍ୟୂୟେଲର ପୁତ୍ର ଇଲୀୟାସଫ୍‍ର ଉପହାର।
\s5
\v 48 ସପ୍ତମ ଦିନ ଇଫ୍ରୟିମ-ସନ୍ତାନଗଣର ଅଧିପତି ଅମ୍ମୀହୂଦର ପୁତ୍ର ଇଲୀଶାମା ଆଣିଲା;
\v 49 ତାହାର ଉପହାର ପବିତ୍ର ସ୍ଥାନର ଶେକଲ ଅନୁସାରେ ଏକ ଶହ ତିରିଶ ଶେକଲ ପରିମିତ ରୂପାର ଏକ ଥାଳୀ ଓ ସତୁରି ଶେକଲ ପରିମିତ ରୂପାର ଏକ କୁଣ୍ଡ, ଏହି ଦୁଇ ଭକ୍ଷ୍ୟ-ନୈବେଦ୍ୟ ନିମନ୍ତେ ତୈଳ ମିଶ୍ରିତ ସରୁ ମଇଦାରେ ପୂର୍ଣ୍ଣ;
\v 50 ଧୂପରେ ପରିପୂର୍ଣ୍ଣ ଦଶ ଶେକଲ ପରିମିତ ସ୍ୱର୍ଣ୍ଣର ଏକ ଚାମଚ;
\s5
\v 51 ହୋମ ନିମନ୍ତେ ଏକ ଗୋବତ୍ସ, ଏକ ମେଷ ଓ ଏକବର୍ଷୀୟ ଏକ ମେଷବତ୍ସ;
\v 52 ପାପାର୍ଥକ ବଳିଦାନ ନିମନ୍ତେ ଏକ ଛାଗ;
\v 53 ମଙ୍ଗଳାର୍ଥକ ବଳିଦାନ ନିମନ୍ତେ ଦୁଇ ଗୋରୁ, ପାଞ୍ଚ ମେଷ, ପାଞ୍ଚ ଛାଗ ଓ ଏକବର୍ଷୀୟ ପାଞ୍ଚ ମେଷବତ୍ସ; ଏହା ଅମ୍ମୀହୂଦର ପୁତ୍ର ଇଲୀଶାମାର ଉପହାର।
\s5
\v 54 ଅଷ୍ଟମ ଦିନ ମନଃଶି-ସନ୍ତାନଗଣର ଅଧିପତି ପଦାହସୂରର ପୁତ୍ର ଗମଲୀୟେଲ ଆଣିଲା;
\v 55 ତାହାର ଉପହାର ପବିତ୍ର ସ୍ଥାନର ଶେକଲ ଅନୁସାରେ ଏକ ଶହ ତିରିଶ ଶେକଲ ପରିମିତ ରୂପାର ଏକ ଥାଳୀ ଓ ସତୁରି ଶେକଲ ପରିମିତ ରୂପାର ଏକ କୁଣ୍ଡ, ଏହି ଦୁଇ ଭକ୍ଷ୍ୟ ନୈବେଦ୍ୟ ନିମନ୍ତେ ତୈଳ ମିଶ୍ରିତ ସରୁ ମଇଦାରେ ପୂର୍ଣ୍ଣ;
\v 56 ଧୂପରେ ପରିପୂର୍ଣ୍ଣ ଦଶ ଶେକଲ ପରିମିତ ସ୍ୱର୍ଣ୍ଣର ଏକ ଚାମଚ;
\s5
\v 57 ହୋମ ନିମନ୍ତେ ଏକ ଗୋବତ୍ସ, ଏକ ମେଷ ଓ ଏକବର୍ଷୀୟ ଏକ ମେଷବତ୍ସ;
\v 58 ପାପାର୍ଥକ ବଳିଦାନ ନିମନ୍ତେ ଏକ ଛାଗ,
\v 59 ମଙ୍ଗଳାର୍ଥକ ବଳିଦାନ ନିମନ୍ତେ ଦୁଇ ଗୋରୁ, ପାଞ୍ଚ ମେଷ, ପାଞ୍ଚ ଛାଗ ଓ ଏକବର୍ଷୀୟ ପାଞ୍ଚ ମେଷବତ୍ସ; ଏହା ପଦାହସୂରର ପୁତ୍ର ଗମଲୀୟେଲର ଉପହାର।
\s5
\v 60 ନବମ ଦିନ ବିନ୍ୟାମୀନ୍-ସନ୍ତାନଗଣର ଅଧିପତି ଗିଦିୟୋନିର ପୁତ୍ର ଅବୀଦାନ୍‍ ଆଣିଲା;
\v 61 ତାହାର ଉପହାର ପବିତ୍ର ସ୍ଥାନର ଶେକଲ ଅନୁସାରେ ଏକ ଶହ ତିରିଶ ଶେକଲ ପରିମିତ ରୂପାର ଏକ ଥାଳୀ ଓ ସତୁରି ଶେକଲ ପରିମିତ ରୂପାର ଏକ କୁଣ୍ଡ, ଏହି ଦୁଇ ଭକ୍ଷ୍ୟ-ନୈବେଦ୍ୟ ନିମନ୍ତେ ତୈଳ ମିଶ୍ରିତ ସରୁ ମଇଦାରେ ପୂର୍ଣ୍ଣ;
\v 62 ଧୂପରେ ପରିପୂର୍ଣ୍ଣ ଦଶ ଶେକଲ ପରିମିତ ସ୍ୱର୍ଣ୍ଣର ଏକ ଚାମଚ;
\s5
\v 63 ହୋମ ନିମନ୍ତେ ଏକ ଗୋବତ୍ସ, ଏକ ମେଷ ଓ ଏକବର୍ଷୀୟ ଏକ ମେଷବତ୍ସ;
\v 64 ପାପାର୍ଥକ ବଳିଦାନ ନିମନ୍ତେ ଏକ ଛାଗ,
\v 65 ମଙ୍ଗଳାର୍ଥକ ବଳିଦାନ ନିମନ୍ତେ ଦୁଇ ଗୋରୁ, ପାଞ୍ଚ ମେଷ, ପାଞ୍ଚ ଛାଗ ଓ ଏକବର୍ଷୀୟ ପାଞ୍ଚ ମେଷବତ୍ସ; ଏହା ଗିଦିୟୋନିର ପୁତ୍ର ଅବୀଦାନ୍‍ର ଉପହାର।
\s5
\v 66 ଦଶମ ଦିନ ଦାନ୍-ସନ୍ତାନଗଣର ଅଧିପତି ଅମ୍ମୀଶଦ୍ଦୟର ପୁତ୍ର ଅହୀୟେଷର ଆଣିଲା;
\v 67 ତାହାର ଉପହାର ପବିତ୍ର ସ୍ଥାନର ଶେକଲ ଅନୁସାରେ ଏକ ଶହ ତିରିଶ ଶେକଲ ପରିମିତ ରୂପାର ଏକ ଥାଳୀ ଓ ସତୁରି ଶେକଲ ପରିମିତ ରୂପାର ଏକ କୁଣ୍ଡ, ଏହି ଦୁଇ ଭକ୍ଷ୍ୟ-ନୈବେଦ୍ୟ ନିମନ୍ତେ ତୈଳ ମିଶ୍ରିତ ସରୁ ମଇଦାରେ ପୂର୍ଣ୍ଣ;
\v 68 ଧୂପରେ ପରିପୂର୍ଣ୍ଣ ଦଶ ଶେକଲ ପରିମିତ ସ୍ୱର୍ଣ୍ଣର ଏକ ଚାମଚ;
\s5
\v 69 ହୋମ ନିମନ୍ତେ ଏକ ଗୋବତ୍ସ, ଏକ ମେଷ ଓ ଏକବର୍ଷୀୟ ମେଷବତ୍ସ;
\v 70 ପାପାର୍ଥକ ବଳିଦାନ ନିମନ୍ତେ ଏକ ଛାଗ,
\v 71 ମଙ୍ଗଳାର୍ଥକ ବଳିଦାନ ନିମନ୍ତେ ଦୁଇ ଗୋରୁ, ପାଞ୍ଚ ମେଷ, ପାଞ୍ଚ ଛାଗ ଓ ଏକବର୍ଷୀୟ ପାଞ୍ଚ ମେଷବତ୍ସ ଏହା ଅମ୍ମୀଶଦ୍ଦୟର ପୁତ୍ର ଅହୀୟେଷରର ଉପହାର।
\s5
\v 72 ଏକାଦଶ ଦିନ ଆଶେର-ସନ୍ତାନଗଣର ଅଧିପତି ଅକ୍ରଣର ପୁତ୍ର ପଗୀୟେଲ ଆଣିଲା;
\v 73 ତାହାର ଉପହାର ପବିତ୍ର ସ୍ଥାନର ଶେକଲ ଅନୁସାରେ ଏକ ଶହ ତିରିଶ ଶେକଲ ପରିମିତ ରୂପାର ଏକ ଥାଳୀ ଓ ସତୁରି ଶେକଲ ପରିମିତ ରୂପାର ଏକ କୁଣ୍ଡ, ଏହି ଦୁଇ ଭକ୍ଷ୍ୟ-ନୈବେଦ୍ୟ ନିମନ୍ତେ ତୈଳ ମିଶ୍ରିତ ସରୁ ମଇଦାରେ ପୂର୍ଣ୍ଣ;
\v 74 ଧୂପରେ ପରିପୂର୍ଣ୍ଣ ଦଶ ଶେକଲ ପରିମିତ ସ୍ୱର୍ଣ୍ଣର ଏକ ଚାମଚ;
\s5
\v 75 ହୋମ ନିମନ୍ତେ ଏକ ଗୋବତ୍ସ, ଏକ ମେଷ ଓ ଏକବର୍ଷୀୟ ଏକ ମେଷବତ୍ସ;
\v 76 ପାପାର୍ଥକ ବଳିଦାନ ନିମନ୍ତେ ଏକ ଛାଗ,
\v 77 ମଙ୍ଗଳାର୍ଥକ ବଳିଦାନ ନିମନ୍ତେ ଦୁଇ ଗୋରୁ, ପାଞ୍ଚ ମେଷ, ପାଞ୍ଚ ଛାଗ ଓ ଏକବର୍ଷୀୟ ପାଞ୍ଚ ମେଷବତ୍ସ ଏହା ଅକ୍ରଣର ପୁତ୍ର ପଗୀୟେଲର ଉପହାର।
\s5
\v 78 ଦ୍ୱାଦଶ ଦିନ ନପ୍ତାଲି-ସନ୍ତାନଗଣର ଅଧିପତି ଐନନର ପୁତ୍ର ଅହୀର ଆଣିଲା;
\v 79 ତାହାର ଉପହାର ପବିତ୍ର ସ୍ଥାନର ଶେକଲ ଅନୁସାରେ ଏକ ଶହ ତିରିଶ ଶେକଲ ପରିମିତ ରୂପାର ଏକ ଥାଳୀ ଓ ସତୁରି ଶେକଲ ପରିମିତ ରୂପାର ଏକ କୁଣ୍ଡ, ଏହି ଦୁଇ ଭକ୍ଷ୍ୟ ନୈବେଦ୍ୟ ନିମନ୍ତେ ତୈଳ ମିଶ୍ରିତ ସରୁ ମଇଦାରେ ପୂର୍ଣ୍ଣ;
\v 80 ଧୂପରେ ପରିପୂର୍ଣ୍ଣ ଦଶ ଶେକଲ ପରିମିତ ସ୍ୱର୍ଣ୍ଣର ଏକ ଚାମଚ;
\s5
\v 81 ହୋମ ନିମନ୍ତେ ଏକ ଗୋବତ୍ସ, ଏକ ମେଷ ଓ ଏକବର୍ଷୀୟ ଏକ ମେଷବତ୍ସ,
\v 82 ପାପାର୍ଥକ ବଳିଦାନ ନିମନ୍ତେ ଏକ ଛାଗ,
\v 83 ମଙ୍ଗଳାର୍ଥକ ବଳିଦାନ ନିମନ୍ତେ ଦୁଇ ଗୋରୁ, ପାଞ୍ଚ ମେଷ, ପାଞ୍ଚ ଛାଗ ଓ ଏକବର୍ଷୀୟ ପାଞ୍ଚ ମେଷବତ୍ସ ଏହା ଐନନର ପୁତ୍ର ଅହୀରର ଉପହାର।
\s5
\v 84 ବେଦିର ଅଭିଷେକ ଦିନ, ତହିଁର ପ୍ରତିଷ୍ଠାର୍ଥକ ଏହି ଉପହାର ଇସ୍ରାଏଲର ଅଧିପତିଗଣ ଦ୍ୱାରା ଦତ୍ତ ହୋଇଥିଲା; ରୂପାର ଦ୍ୱାଦଶ ଥାଳୀ, ରୂପାର ଦ୍ୱାଦଶ କୁଣ୍ଡ ଓ ସ୍ୱର୍ଣ୍ଣର ଦ୍ୱାଦଶ ଚାମଚ;
\v 85 ତହିଁର ପ୍ରତ୍ୟେକ ରୂପାଥାଳୀ ଏକ ଶହ ତିରିଶ ଶେକଲ ଓ ପ୍ରତ୍ୟେକ କୁଣ୍ଡ ସତୁରି ଶେକଲ ପରିମିତ; ସମସ୍ତ ପାତ୍ରର ରୂପା ପବିତ୍ର ସ୍ଥାନର ଶେକଲ ଅନୁସାରେ ଦୁଇ ହଜାର ଚାରି ଶହ ଶେକଲ ଥିଲା;
\v 86 ପୁଣି, ଧୂପପୂର୍ଣ୍ଣ ଦ୍ୱାଦଶ ସ୍ୱର୍ଣ୍ଣ ଚାମଚ, ପ୍ରତ୍ୟେକେ ପବିତ୍ର ସ୍ଥାନର ଶେକଲ ଅନୁସାରେ ଦଶ ଶେକଲ ପରିମିତ; ଚାମଚର ସମସ୍ତ ସ୍ୱର୍ଣ୍ଣ ଶହେ କୋଡ଼ିଏ ଶେକଲ ଥିଲା।
\s5
\v 87 ହୋମ ନିମନ୍ତେ ସମୁଦାୟ ଦ୍ୱାଦଶ ଗୋରୁ, ଦ୍ୱାଦଶ ମେଷ, ଏକବର୍ଷୀୟ ଦ୍ୱାଦଶ ମେଷବତ୍ସ ଓ ସେସବୁର ଭକ୍ଷ୍ୟ-ନୈବେଦ୍ୟ; ଆଉ ପାପାର୍ଥକ ବଳିଦାନ ନିମନ୍ତେ ଦ୍ୱାଦଶ ଛାଗ;
\v 88 ପୁଣି, ମଙ୍ଗଳାର୍ଥକ ବଳିଦାନ ନିମନ୍ତେ ସମୁଦାୟ ଚବିଶ ଗୋରୁ, ଷାଠିଏ ମେଷ, ଷାଠିଏ ଛାଗ ଓ ଏକବର୍ଷୀୟ ଷାଠିଏ ମେଷବତ୍ସ; ଏହା ବେଦିର ଅଭିଷେକ ଉତ୍ତାରେ ତହିଁର ପ୍ରତିଷ୍ଠା ନିମନ୍ତେ ଦତ୍ତ ଉପହାର।
\s5
\v 89 ଏଉତ୍ତାରେ ମୋଶା ତାହାଙ୍କ ସହିତ କଥା କହିବାକୁ ସମାଗମ-ତମ୍ବୁରେ ପ୍ରବେଶ କରନ୍ତେ, ସାକ୍ଷ୍ୟ-ସିନ୍ଦୁକର ଉପରିସ୍ଥିତ ପାପାଚ୍ଛାଦନର ଉପରୁ, କିରୂବଦ୍ୱୟ ମଧ୍ୟରୁ ଆପଣା ପ୍ରତି ବାକ୍ୟବାଦୀ ରବ ଶୁଣିଲେ; ପୁଣି, ସେ ତାଙ୍କ ସହିତ କଥା କହିଲେ।
\s5
\c 8
\s ଦୀପବୃକ୍ଷର ପ୍ରତିଷ୍ଠା
\p
\v 1 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
\v 2 “ତୁମ୍ଭେ ହାରୋଣକୁ କୁହ, ତୁମ୍ଭେ ପ୍ରଦୀପ ଜାଳିବା ସମୟରେ ସେହି ସପ୍ତ ପ୍ରଦୀପ ଦୀପବୃକ୍ଷର ସମ୍ମୁଖ ଭାଗରେ ଆଲୁଅ ଦେବ।”
\s5
\v 3 ତହିଁରେ ହାରୋଣ ସେହିରୂପ କଲେ; ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ, ଯେପରି ଦୀପବୃକ୍ଷର ସମ୍ମୁଖ ଭାଗରେ ଆଲୁଅ ହେବ, ସେ ସେହିପରି ଦୀପମାନ ଜ୍ୱଳାଇଲେ।
\v 4 ସେହି ଦୀପବୃକ୍ଷର କର୍ମ ସ୍ୱର୍ଣ୍ଣର ପିଟାକର୍ମ ଥିଲା; ତହିଁର ଗଣ୍ଡି ଓ ପୁଷ୍ପ ପର୍ଯ୍ୟନ୍ତ ପିଟାକର୍ମ ଥିଲା; ସଦାପ୍ରଭୁ ମୋଶାଙ୍କୁ ଯେଉଁ ଆଦର୍ଶ ଦେଖାଇଥିଲେ, ତଦନୁସାରେ ସେ ଦୀପବୃକ୍ଷ ନିର୍ମାଣ କଲେ।
\s ଲେବୀୟମାନଙ୍କ ଶୁଚିକରଣ
\p
\s5
\v 5 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
\v 6 “ତୁମ୍ଭେ ଇସ୍ରାଏଲ ସନ୍ତାନଗଣ ମଧ୍ୟରୁ ଲେବୀୟମାନଙ୍କୁ ନେଇ ଶୁଚି କର।”
\s5
\v 7 ତୁମ୍ଭେ ସେମାନଙ୍କୁ ଶୁଚି କରିବା ନିମନ୍ତେ ଏହିରୂପ କରିବ; ସେମାନଙ୍କ ଉପରେ ପବିତ୍ରୀକରଣ ଜଳ ପ୍ରକ୍ଷେପ କର ଓ ସେମାନେ ଆପଣା ଆପଣାର ସମସ୍ତ ଶରୀରରେ କ୍ଷୁର ଚଳାନ୍ତୁ ଓ ସେମାନେ ଆପଣା ଆପଣା ବସ୍ତ୍ର ଧୋଇ ଆପଣା ଆପଣାକୁ ଶୁଚି କରନ୍ତୁ।
\v 8 ତହିଁ ଉତ୍ତାରେ ସେମାନେ ଏକ ଗୋବତ୍ସ ଓ ତହିଁର ତୈଳ ମିଶ୍ରିତ ସରୁ ମଇଦାର ଭକ୍ଷ୍ୟ ନୈବେଦ୍ୟ ଆଣନ୍ତୁ, ପୁଣି, ତୁମ୍ଭେ ଆଉ ଏକ ଗୋବତ୍ସ ପାପାର୍ଥକ ବଳି ନିମନ୍ତେ ନେବ।
\s5
\v 9 ତହୁଁ ତୁମ୍ଭେ ଲେବୀୟମାନଙ୍କୁ ସମାଗମ-ତମ୍ବୁ ସମ୍ମୁଖରେ ଉପସ୍ଥିତ କରାଇବ; ପୁଣି, ଇସ୍ରାଏଲ ସନ୍ତାନଗଣର ସମସ୍ତ ମଣ୍ଡଳୀକୁ ଏକତ୍ର କରିବ।
\v 10 ଆଉ ତୁମ୍ଭେ ଲେବୀୟମାନଙ୍କୁ ସଦାପ୍ରଭୁଙ୍କ ସମ୍ମୁଖରେ ଉପସ୍ଥିତ କରାଇବ; ତହୁଁ ଇସ୍ରାଏଲ ସନ୍ତାନଗଣ ଲେବୀୟମାନଙ୍କ ଉପରେ ଆପଣାମାନଙ୍କ ହସ୍ତ ରଖିବେ।
\v 11 ଆଉ ହାରୋଣ ଇସ୍ରାଏଲ ସନ୍ତାନଗଣ ପକ୍ଷରେ ଲେବୀୟମାନଙ୍କୁ ସଦାପ୍ରଭୁଙ୍କ ସମ୍ମୁଖରେ ଦୋଳନୀୟ ଉପହାର ରୂପେ ଉତ୍ସର୍ଗ କରିବ, ତହିଁରେ ସେମାନେ ସଦାପ୍ରଭୁଙ୍କର ସେବା କରି ପାରିବେ।
\s5
\v 12 ତହିଁ ଉତ୍ତାରେ ଲେବୀୟମାନେ ସେହି ଦୁଇ ଗୋବତ୍ସର ମସ୍ତକରେ ଆପଣାମାନଙ୍କ ହସ୍ତ ରଖିବେ; ତହୁଁ ତୁମ୍ଭେ ଲେବୀୟମାନଙ୍କ ପାଇଁ ପ୍ରାୟଶ୍ଚିତ୍ତ କରିବା ନିମନ୍ତେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗୋଟିଏକୁ ପାପାର୍ଥକ ବଳି ରୂପେ ଓ ଅନ୍ୟଟିକୁ ହୋମାର୍ଥକ ବଳି ରୂପେ ଉତ୍ସର୍ଗ କରିବ।
\v 13 ପୁଣି, ତୁମ୍ଭେ ହାରୋଣ ଓ ତାହାର ପୁତ୍ରଗଣ ସମ୍ମୁଖରେ ଲେବୀୟମାନଙ୍କୁ ଉପସ୍ଥିତ କରାଇ ଦୋଳନୀୟ ନୈବେଦ୍ୟ ରୂପେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବ।
\s5
\v 14 ଏହିରୂପେ ତୁମ୍ଭେ ଇସ୍ରାଏଲ-ସନ୍ତାନଗଣଠାରୁ ଲେବୀୟମାନଙ୍କୁ ପୃଥକ୍ କରିବ; ତହିଁରେ ଲେବୀୟମାନେ ଆମ୍ଭର ହେବେ।
\v 15 ତହିଁ ଉତ୍ତାରେ ଲେବୀୟମାନେ ସେବା କରିବା ନିମନ୍ତେ ସମାଗମ-ତମ୍ବୁରେ ପ୍ରବେଶ କରିବେ; ପୁଣି, ତୁମ୍ଭେ ସେମାନଙ୍କୁ ଶୁଚି କରି ଦୋଳନୀୟ ନୈବେଦ୍ୟ ରୂପେ ଉତ୍ସର୍ଗ କରିବ।
\s5
\v 16 କାରଣ ସେମାନେ ଇସ୍ରାଏଲ ସନ୍ତାନଗଣ ମଧ୍ୟରୁ ଆମ୍ଭ ଉଦ୍ଦେଶ୍ୟରେ ସମ୍ପୂର୍ଣ୍ଣ ରୂପେ ଦତ୍ତ ଲୋକ; ଆମ୍ଭେ ଇସ୍ରାଏଲର ସନ୍ତାନଗଣ ମଧ୍ୟରୁ ସମସ୍ତ ପ୍ରଥମଜାତ ଗର୍ଭଫଳ ବଦଳେ ସେମାନଙ୍କୁ ଆପଣା ନିମନ୍ତେ ଗ୍ରହଣ କଲୁ।
\v 17 ଯେହେତୁ ଇସ୍ରାଏଲ ସନ୍ତାନଗଣ ମଧ୍ୟରେ ମନୁଷ୍ୟ ଓ ପଶୁ, ଉଭୟର ସମସ୍ତ ପ୍ରଥମଜାତ ଆମ୍ଭର ମିସର ଦେଶର ସମସ୍ତ ପ୍ରଥମଜାତଙ୍କୁ ଆଘାତ କରିବା ଦିନ ଆମ୍ଭେ ସେମାନଙ୍କୁ ଆପଣା ନିମନ୍ତେ ପବିତ୍ର କଲୁ।
\s5
\v 18 ପୁଣି, ଇସ୍ରାଏଲ ସନ୍ତାନଗଣର ସମସ୍ତ ପ୍ରଥମଜାତ ବଦଳେ ଆମ୍ଭେ ଲେବୀୟମାନଙ୍କୁ ଗ୍ରହଣ କଲୁ।
\v 19 ଆଉ ଇସ୍ରାଏଲ ସନ୍ତାନଗଣ ପବିତ୍ର ସ୍ଥାନ ନିକଟକୁ ଆସିବା ସମୟରେ ଯେପରି ସେମାନଙ୍କ ମଧ୍ୟରେ ମହାମାରୀ ଉପସ୍ଥିତ ନ ହୁଏ, ଏଥିପାଇଁ ଆମ୍ଭେ ସମାଗମ-ତମ୍ବୁରେ ଇସ୍ରାଏଲ ସନ୍ତାନଗଣ ବଦଳେ ସେବା ଓ ସେମାନଙ୍କ ନିମନ୍ତେ ପ୍ରାୟଶ୍ଚିତ୍ତ କରିବା ପାଇଁ ଇସ୍ରାଏଲ ସନ୍ତାନଗଣ ମଧ୍ୟରୁ ଲେବୀୟମାନଙ୍କୁ ଦାନ ରୂପେ ହାରୋଣ ଓ ତାହାର ପୁତ୍ରଗଣଙ୍କୁ ଦେଲୁ।
\s5
\v 20 ଏହିରୂପେ ମୋଶା, ହାରୋଣ ଓ ଇସ୍ରାଏଲ ସନ୍ତାନଗଣଙ୍କର ସମସ୍ତ ମଣ୍ଡଳୀ ଲେବୀୟମାନଙ୍କ ପ୍ରତି କଲେ; ସଦାପ୍ରଭୁ ଲେବୀୟମାନଙ୍କ ବିଷୟରେ ମୋଶାଙ୍କୁ ଯେଉଁ ସମସ୍ତ ଆଜ୍ଞା ଦେଇଥିଲେ, ତଦନୁସାରେ ଇସ୍ରାଏଲ ସନ୍ତାନଗଣ ସେମାନଙ୍କ ପ୍ରତି କଲେ।
\v 21 ପୁଣି, ଲେବୀୟମାନେ ଆପଣା ଆପଣାକୁ ପାପରୁ ପରିଷ୍କାର କଲେ ଓ ଆପଣା ଆପଣା ବସ୍ତ୍ର ଧୌତ କଲେ; ତହୁଁ ହାରୋଣ ସେମାନଙ୍କୁ ସଦାପ୍ରଭୁଙ୍କ ସମ୍ମୁଖରେ ଦୋଳନୀୟ ନୈବେଦ୍ୟ ରୂପେ ଉତ୍ସର୍ଗ କଲେ; ଆଉ ହାରୋଣ ସେମାନଙ୍କୁ ଶୁଚି କରିବା ନିମନ୍ତେ ପ୍ରାୟଶ୍ଚିତ୍ତ କଲେ।
\s5
\v 22 ତହିଁ ଉତ୍ତାରେ ଲେବୀୟମାନେ ହାରୋଣର ସମ୍ମୁଖରେ ଓ ତାହାର ପୁତ୍ରଗଣ ସମ୍ମୁଖରେ ଆପଣା ଆପଣା ସେବାକର୍ମ କରିବା ନିମନ୍ତେ ସମାଗମ-ତମ୍ବୁରେ ପ୍ରବେଶ କଲେ; ସଦାପ୍ରଭୁ ଲେବୀୟମାନଙ୍କ ବିଷୟରେ ମୋଶାଙ୍କୁ ଯେପରି ଆଜ୍ଞା ଦେଇଥିଲେ, ତଦନୁସାରେ ସେମାନଙ୍କ ପ୍ରତି କଲେ।
\s ଲେବୀୟମାନଙ୍କ ଅବସର ଗ୍ରହଣ
\p
\s5
\v 23 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
\v 24 “ଲେବୀୟମାନଙ୍କ ବିଷୟରେ ଏହି ବ୍ୟବସ୍ଥା ପଚିଶ ବର୍ଷ ବୟସରୁ ଲେବୀୟମାନେ ସମାଗମ-ତମ୍ବୁରେ ସେବାକର୍ମ କରିବା ନିମନ୍ତେ ସେବକ ଶ୍ରେଣୀଭୁକ୍ତ ହେବେ।
\s5
\v 25 ପୁଣି, ସେମାନେ ପଚାଶ ବର୍ଷ ବୟସ୍କ ହେଲେ, ସେବାକର୍ମରୁ ନିବୃତ୍ତ ହୋଇ ଆଉ ସେବା କରିବେ ନାହିଁ;
\v 26 ତଥାପି ସେମାନେ ରକ୍ଷଣୀୟ ରକ୍ଷା କରିବାରେ ସମାଗମ-ତମ୍ବୁରେ ଆପଣା ଆପଣା ଭ୍ରାତା ସହିତ ସେବାକର୍ମ କରିବେ ଓ ଅନ୍ୟ ସେବା କରିବେ ନାହିଁ; ଲେବୀୟମାନଙ୍କ ରକ୍ଷଣୀୟ ବିଷୟରେ ତୁମ୍ଭେ ସେମାନଙ୍କ ପ୍ରତି ଏରୂପ କରିବ।”
\s5
\c 9
\s ନିସ୍ତାର ପର୍ବ ପାଳନ
\p
\v 1 ଏଥିଉତ୍ତାରେ ଲୋକମାନେ ମିସର ଦେଶରୁ ବାହାର ହେଲା ଉତ୍ତାରେ ଦ୍ୱିତୀୟ ବର୍ଷର ପ୍ରଥମ ମାସରେ ସୀନୟ ପ୍ରାନ୍ତରରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
\v 2 “ଇସ୍ରାଏଲ ସନ୍ତାନଗଣ ନିରୂପିତ ସମୟରେ ନିସ୍ତାର ପର୍ବ ପାଳନ କରନ୍ତୁ;
\v 3 ଏହି ମାସ ଚତୁର୍ଦ୍ଦଶ ଦିନର ସନ୍ଧ୍ୟା କାଳର ନିରୂପିତ ସମୟରେ ତୁମ୍ଭେମାନେ ତାହା ପାଳନ କରିବ; ତହିଁର ସମସ୍ତ ବିଧି ଓ ନିୟମ ଅନୁସାରେ ତାହା ପାଳନ କରିବ।”
\s5
\v 4 ତହୁଁ ମୋଶା ଇସ୍ରାଏଲ ସନ୍ତାନଗଣକୁ ନିସ୍ତାର ପର୍ବ ପାଳନ କରିବା ପାଇଁ କହିଲେ।
\v 5 ତହିଁରେ ସେମାନେ ପ୍ରଥମ ମାସ ଚତୁର୍ଦ୍ଦଶ ଦିନର ସନ୍ଧ୍ୟା ସମୟରେ ସୀନୟ ପ୍ରାନ୍ତରରେ ନିସ୍ତାର ପର୍ବ ପାଳନ କଲେ; ସଦାପ୍ରଭୁ ମୋଶାଙ୍କୁ ଯେପରି ଆଜ୍ଞା ଦେଇଥିଲେ, ତଦନୁସାରେ ଇସ୍ରାଏଲ ସନ୍ତାନଗଣ ସବୁ କର୍ମ କଲେ।
\s5
\v 6 ମାତ୍ର କେତେକ ଲୋକ ମନୁଷ୍ୟର ଶବ ସ୍ପର୍ଶ କରି ଅଶୁଚି ହେବାରୁ ସେହିଦିନ ସେମାନେ ନିସ୍ତାର ପର୍ବ ପାଳନ କରି ପାରିଲେ ନାହିଁ; ଏନିମନ୍ତେ ସେମାନେ ସେହିଦିନ ମୋଶା ଓ ହାରୋଣଙ୍କ ନିକଟକୁ ଆସିଲେ।
\v 7 ସେହି ଲୋକମାନେ ତାଙ୍କୁ କହିଲେ, “ଆମ୍ଭେମାନେ ମନୁଷ୍ୟର ଶବ ଦ୍ୱାରା ଅଶୁଚି ହୋଇଅଛୁ; ଏହେତୁ ଇସ୍ରାଏଲ ସନ୍ତାନଗଣ ମଧ୍ୟରେ ନିରୂପିତ ସମୟରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉପହାର ଉତ୍ସର୍ଗ କରିବା ପାଇଁ କି କାରଣରୁ ଆମ୍ଭେମାନେ ନିବାରିତ ହେଉଅଛୁ ?”
\v 8 ତେବେ ମୋଶା ସେମାନଙ୍କୁ କହିଲେ, “ତୁମ୍ଭେମାନେ ରହିଥାଅ; ତୁମ୍ଭମାନଙ୍କ ବିଷୟରେ ସଦାପ୍ରଭୁ କି ଆଜ୍ଞା ଦେବେ, ତାହା ଶୁଣେ।”
\s5
\v 9 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
\v 10 “ତୁମ୍ଭେ ଇସ୍ରାଏଲ ସନ୍ତାନଗଣକୁ କୁହ, ତୁମ୍ଭମାନଙ୍କ ମଧ୍ୟରେ କିଅବା ତୁମ୍ଭମାନଙ୍କ ଭବିଷ୍ୟତ ସନ୍ତାନଗଣ ମଧ୍ୟରେ ଯଦି କେହି ଶବ ଦ୍ୱାରା ଅଶୁଚି ହୁଏ, କିଅବା ଦୂର ସ୍ଥାନରେ ପଥିକ ହୁଏ, ତେବେ ହେଁ ସେ ସଦାପ୍ରଭୁଙ୍କ ନିସ୍ତାର ପର୍ବ ପାଳନ କରିବ;
\s5
\v 11 ଦ୍ୱିତୀୟ ମାସର ଚତୁର୍ଦ୍ଦଶ ଦିନ ସନ୍ଧ୍ୟା ସମୟରେ ସେମାନେ ତାହା ପାଳନ କରିବେ; ସେମାନେ ତାଡ଼ିଶୂନ୍ୟ ରୁଟି ଓ ପିତା ଶାକ ସହିତ ତାହା ଭୋଜନ କରିବେ;
\v 12 ସେମାନେ ପ୍ରଭାତ ପର୍ଯ୍ୟନ୍ତ ତହିଁରୁ କିଛି ରଖିବେ ନାହିଁ କିଅବା ତହିଁର କୌଣସି ହାଡ଼ ଭାଙ୍ଗିବେ ନାହିଁ; ସେମାନେ ନିସ୍ତାର ପର୍ବର ସମସ୍ତ ବିଧି ଅନୁସାରେ ପାଳନ କରିବେ।
\s5
\v 13 ମାତ୍ର ଯେକେହି ଶୁଚି ଥାଇ ଓ ପଥିକ ନ ହୋଇ ନିସ୍ତାର ପର୍ବ ପାଳନ କରିବାରୁ କ୍ଷାନ୍ତ ହୁଏ, ସେହି ପ୍ରାଣୀ ଆପଣା ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେବ; ସେ ନିରୂପିତ ସମୟରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉପହାର ଉତ୍ସର୍ଗ କଲା ନାହିଁ, ଏଥିପାଇଁ ସେହି ମନୁଷ୍ୟ ଆପଣା ପାପ ବୋହିବ;
\v 14 ଆଉ ଯଦି ତୁମ୍ଭମାନଙ୍କ ମଧ୍ୟରେ ପ୍ରବାସକାରୀ କୌଣସି ବିଦେଶୀୟ ଲୋକ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନିସ୍ତାର ପର୍ବ ପାଳନ କରିବାକୁ ଇଚ୍ଛା କରେ, ତେବେ ସେ ନିସ୍ତାର ପର୍ବର ବିଧି ଅନୁସାରେ ଓ ତହିଁର ନିୟମାନୁସାରେ ତାହା ପାଳନ କରିବ; ସ୍ୱଦେଶଜାତ କିମ୍ବା ବିଦେଶଜାତ, ଦୁହିଁଙ୍କ ପାଇଁ ତୁମ୍ଭମାନଙ୍କର ଏକ ବିଧି ହେବ।”
\s ସାକ୍ଷ୍ୟତମ୍ବୁକୁ ମେଘ ଆଚ୍ଛାଦନ
\p
\s5
\v 15 ଆଉ ଯେଉଁ ଦିନ ଆବାସ ସ୍ଥାପିତ ହେଲା, ସେହିଦିନ ମେଘ ଆବାସକୁ, ଅର୍ଥାତ୍‍, ସାକ୍ଷ୍ୟତମ୍ବୁକୁ ଆଚ୍ଛାଦନ କଲା; ପୁଣି, ତାହା ସନ୍ଧ୍ୟା ସମୟରୁ ପ୍ରଭାତ ପର୍ଯ୍ୟନ୍ତ ଆବାସ ଉପରେ ଅଗ୍ନି ତୁଲ୍ୟ ଦେଖାଗଲା
\v 16 ଏହିରୂପେ ସର୍ବଦା ହେଲା; ମେଘ ଆବାସକୁ ଆଚ୍ଛାଦନ କଲା, ପୁଣି, ରାତ୍ରିରେ ଅଗ୍ନିତୁଲ୍ୟ ଦେଖାଗଲା।
\v 17 ଆଉ ଯେକୌଣସି ସମୟରେ ତମ୍ବୁ ଉପରୁ ସେହି ମେଘ ଉପରକୁ ନିଆଗଲା, ସେତେବେଳେ ଉତ୍ତାରେ ଇସ୍ରାଏଲ ସନ୍ତାନଗଣ ଯାତ୍ରା କଲେ; ପୁଣି, ସେହି ମେଘ ଯେଉଁଠାରେ ରହିଲା, ଇସ୍ରାଏଲ ସନ୍ତାନଗଣ ସେହିଠାରେ ଛାଉଣି ସ୍ଥାପନ କଲେ।
\s5
\v 18 ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଇସ୍ରାଏଲ ସନ୍ତାନଗଣ ଯାତ୍ରା କଲେ ଓ ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଛାଉଣି ସ୍ଥାପନ କଲେ; ଯେପର୍ଯ୍ୟନ୍ତ ସେହି ମେଘ ଆବାସ ଉପରେ ରହିଲା, ସେପର୍ଯ୍ୟନ୍ତ ସେମାନେ ଛାଉଣି ସ୍ଥାପନ କରି ରହିଲେ।
\v 19 ପୁଣି, ଯେତେବେଳେ ସେହି ମେଘ ଆବାସ ଉପରେ ବହୁ ଦିନ ବିଳମ୍ବ କରି ରହିଲା, ଯେତେବେଳେ ଇସ୍ରାଏଲ ସନ୍ତାନଗଣ ସଦାପ୍ରଭୁଙ୍କ ରକ୍ଷଣୀୟ ରକ୍ଷା କଲେ ଓ ଯାତ୍ରା କଲେ ନାହିଁ।
\s5
\v 20 ପୁଣି, କେବେ କେବେ ସେହି ମେଘ ଆବାସ ଉପରେ ଅଳ୍ପ ଦିନ ରହିଲା, ସେହି ସମୟରେ ମଧ୍ୟ ସେମାନେ ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଛାଉଣି କରି ରହିଲେ ଓ ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଯାତ୍ରା କଲେ।
\v 21 ଆଉ କେବେ କେବେ ମେଘ ସନ୍ଧ୍ୟାଠାରୁ ପ୍ରଭାତ ପର୍ଯ୍ୟନ୍ତ ରହିଲା ଓ ପ୍ରଭାତରେ ମେଘ ଉପରକୁ ନିଆଯା’ନ୍ତେ, ସେମାନେ ଯାତ୍ରା କଲେ; ଅବା ଯଦି ତାହା ଦିବାରାତ୍ର ରହିଲା, ତେବେ ମେଘ ଉପରକୁ ନିଆଯା’ନ୍ତେ, ସେମାନେ ଯାତ୍ରା କଲେ।
\s5
\v 22 ଦୁଇ ଦିନ କିମ୍ବା ଏକ ମାସ କିମ୍ବା ଏକ ବର୍ଷ ହେଉ, ଆବାସ ଉପରେ ମେଘ ଯେତେ କାଳ ବିଳମ୍ବ କରି ଅବସ୍ଥିତି କଲା, ସେତେ କାଳ ଇସ୍ରାଏଲ ସନ୍ତାନଗଣ ଯାତ୍ରା ନ କରି ଛାଉଣିରେ ରହିଲେ; ମାତ୍ର ତାହା ନିଆଯା’ନ୍ତେ, ସେମାନେ ଯାତ୍ରା କଲେ।
\v 23 ସେମାନେ ସଦାପ୍ରଭୁଙ୍କ ଆଜ୍ଞାରେ ଛାଉଣି ସ୍ଥାପନ କଲେ ଓ ସଦାପ୍ରଭୁଙ୍କ ଆଜ୍ଞାରେ ଯାତ୍ରା କଲେ; ସେମାନେ ମୋଶାଙ୍କ ଦ୍ୱାରା ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସଦାପ୍ରଭୁଙ୍କ ରକ୍ଷଣୀୟ ରକ୍ଷା କଲେ।
\s5
\c 10
\s ରୌପ୍ୟ ତୂରୀ
\p
\v 1 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
\v 2 “ତୁମ୍ଭେ ରୂପାର ଦୁଇ ତୂରୀ ନିର୍ମାଣ କର; ତୁମ୍ଭେ ପିଟାକର୍ମରେ ତାହା ନିର୍ମାଣ କରିବ; ଆଉ ତୁମ୍ଭେ ମଣ୍ଡଳୀକୁ ଆହ୍ୱାନ କରିବା ସମୟରେ ଓ ଛାଉଣିସମୂହ ପ୍ରସ୍ଥାନ କରିବା ସମୟରେ ତାହା ବ୍ୟବହାର କରିବ।
\s5
\v 3 ପୁଣି, ସେମାନେ ସେହି ଦୁଇ ତୂରୀ ବଜାନ୍ତେ, ସମସ୍ତ ମଣ୍ଡଳୀ ସମାଗମ-ତମ୍ବୁ ଦ୍ୱାରରେ ତୁମ୍ଭ ନିକଟରେ ଏକତ୍ରିତ ହେବେ।
\v 4 ଆଉ ଯଦି ସେମାନେ ଏକ ତୂରୀ ବଜାଇବେ, ତେବେ ଅଧିପତିମାନେ, ଅର୍ଥାତ୍‍, ଇସ୍ରାଏଲର ସହସ୍ରପତିମାନେ, ତୁମ୍ଭ ନିକଟରେ ଏକତ୍ରିତ ହେବେ।
\v 5 ପୁଣି, ତୁମ୍ଭେମାନେ ରଣତୂରୀ ବଜାନ୍ତେ, ପୂର୍ବ ଦିଗସ୍ଥିତ ଛାଉଣିର ଲୋକମାନେ ଯାତ୍ରା କରିବେ।
\s5
\v 6 ପୁଣି, ତୁମ୍ଭେମାନେ ଦ୍ୱିତୀୟ ଥର ରଣତୂରୀ ବଜାନ୍ତେ, ଦକ୍ଷିଣ ଦିଗସ୍ଥିତ ଛାଉଣିର ଲୋକମାନେ ଯାତ୍ରା କରିବେ; ଏହି କ୍ରମରେ ସେମାନେ ଆପଣାମାନଙ୍କ ଯାତ୍ରା ନିମନ୍ତେ ରଣତୂରୀ ବଜାଇବେ।
\v 7 ସମାଜକୁ ଏକତ୍ର କରିବା ସମୟରେ ତୁମ୍ଭେମାନେ ତୂରୀ ବଜାଇବ, ମାତ୍ର ରଣତୂରୀ ବଜାଇବ ନାହିଁ।
\v 8 ଆଉ ହାରୋଣର ପୁତ୍ର ଯାଜକମାନେ ସେହି ଦୁଇ ତୂରୀ ବଜାଇବେ; ପୁଣି, ତାହା ତୁମ୍ଭମାନଙ୍କ ପୁରୁଷାନୁକ୍ରମେ ତୁମ୍ଭମାନଙ୍କ ପ୍ରତି ଅନନ୍ତକାଳୀନ ବିଧି ହେବ।
\s5
\v 9 ଆଉ ଯେଉଁ ସମୟରେ ତୁମ୍ଭେମାନେ ଆପଣା ଦେଶରେ କ୍ଳେଶଦାୟୀ ବିପକ୍ଷଗଣର ବିରୁଦ୍ଧରେ ଯୁଦ୍ଧ କରିବାକୁ ଯିବ, ସେହି ସମୟରେ ତୁମ୍ଭେମାନେ ଏହି ତୂରୀରେ ରଣବାଦ୍ୟ ବଜାଇବ; ତହିଁରେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ସାକ୍ଷାତରେ ତୁମ୍ଭେମାନେ ସ୍ମରଣ କରାଯିବ ଓ ତୁମ୍ଭେମାନେ ଆପଣାମାନଙ୍କ ଶତ୍ରୁଗଣଠାରୁ ରକ୍ଷା ପାଇବ।
\s5
\v 10 ଆହୁରି ତୁମ୍ଭମାନଙ୍କ ଆନନ୍ଦ-ଦିନରେ, ତୁମ୍ଭମାନଙ୍କ ନିରୂପିତ ପର୍ବରେ ଓ ତୁମ୍ଭମାନଙ୍କ ମାସର ଆରମ୍ଭରେ ତୁମ୍ଭେମାନେ ଆପଣାମାନଙ୍କ ହୋମବଳି ଓ ମଙ୍ଗଳାର୍ଥକ ବଳି ଉପରେ ଏହି ତୂରୀ ବଜାଇବ; ତହିଁରେ ତାହା ତୁମ୍ଭମାନଙ୍କ ପରମେଶ୍ୱରଙ୍କ ସମ୍ମୁଖରେ ତୁମ୍ଭମାନଙ୍କର ସ୍ମରଣାର୍ଥେ ହେବ; ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।”
\s ସୀନୟ ଛାଉଣି ପରିତ୍ୟାଗ
\p
\s5
\v 11 ଆଉ ଦ୍ୱିତୀୟ ବର୍ଷର ଦ୍ୱିତୀୟ ମାସର କୋଡ଼ିଏ ଦିନରେ ସେହି ମେଘ ସାକ୍ଷ୍ୟରୂପ ଆବାସ ଉପରୁ ନିଆଗଲା।
\v 12 ତହିଁରେ ଇସ୍ରାଏଲ ସନ୍ତାନଗଣ ଯାତ୍ରା କରିବାର ନିୟମାନୁସାରେ ସୀନୟ ପ୍ରାନ୍ତରରୁ ଅଗ୍ରସର ହେଲେ; ପୁଣି, ସେହି ମେଘ ପାରଣ ପ୍ରାନ୍ତରରେ ଅବସ୍ଥିତି କଲା।
\v 13 ଆଉ ମୋଶାଙ୍କ ଦ୍ୱାରା ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସେମାନେ ପ୍ରଥମ ଥର ଯାତ୍ରା କଲେ।
\s5
\v 14 ପ୍ରଥମରେ ଯିହୁଦା-ସନ୍ତାନଗଣର ଛାଉଣିର ଧ୍ୱଜା ସେମାନଙ୍କ ସୈନ୍ୟାନୁସାରେ ଚଳିଲା; ପୁଣି, ଅମ୍ମୀନାଦବର ପୁତ୍ର ନହଶୋନ ସେମାନଙ୍କ ସୈନ୍ୟ ଉପରେ ଥିଲା।
\v 15 ଆଉ ସୂୟାରର ପୁତ୍ର ନଥନେଲ, ଇଷାଖର ସନ୍ତାନଗଣର ବଂଶୀୟ ସୈନ୍ୟ ଉପରେ ଥିଲା।
\v 16 ଆଉ ହେଲୋନର ପୁତ୍ର ଇଲୀୟାବ୍‍, ସବୂଲୂନ ସନ୍ତାନଗଣଙ୍କର ବଂଶୀୟ ସୈନ୍ୟ ଉପରେ ଥିଲା।
\s5
\v 17 ଏଉତ୍ତାରେ ଆବାସ ଭଙ୍ଗାଯା’ନ୍ତେ, ଗେର୍ଶୋନର ସନ୍ତାନଗଣ ଓ ମରାରିର ସନ୍ତାନଗଣ ସେହି ଆବାସ ବୋହି ଅଗ୍ରସର ହେଲେ।
\v 18 ତହୁଁ ରୁବେନ୍‍-ଛାଉଣିର ଧ୍ୱଜା ସେମାନଙ୍କ ସୈନ୍ୟାନୁସାରେ ଚଳିଲା; ପୁଣି, ଶଦେୟରର ପୁତ୍ର ଇଲୀଷୂର ସେମାନଙ୍କ ସୈନ୍ୟ ଉପରେ ଥିଲା।
\v 19 ଆଉ ସୂରୀଶଦ୍ଦୟର ପୁତ୍ର ଶଲୁମୀୟେଲ ଶିମୀୟୋନ-ସନ୍ତାନଗଣର ବଂଶୀୟ ସୈନ୍ୟ ଉପରେ ଥିଲା।
\v 20 ଆଉ ଦ୍ୟୂୟେଲର ପୁତ୍ର ଇଲୀୟାସଫ୍‍ ଗାଦ୍‍ ସନ୍ତାନଗଣଙ୍କର ବଂଶୀୟ ସୈନ୍ୟ ଉପରେ ଥିଲା।
\s5
\v 21 ତହିଁ ଉତ୍ତାରେ କହାତୀୟମାନେ ପବିତ୍ର ସ୍ଥାନର ଭାର ବୋହି ଅଗ୍ରସର ହେଲେ; ପୁଣି, ସେମାନେ ପହଞ୍ଚିବା ପୂର୍ବରୁ ଅନ୍ୟମାନେ ଆବାସ ସ୍ଥାପନ କରିଥିଲେ।
\v 22 ଆଉ ଇଫ୍ରୟିମ-ସନ୍ତାନଗଣର ଛାଉଣିର ଧ୍ୱଜା ସେମାନଙ୍କ ସୈନ୍ୟାନୁସାରେ ଚଳିଲା ଓ ଅମ୍ମୀହୂଦର ପୁତ୍ର ଇଲୀଶାମା ସେମାନଙ୍କ ସୈନ୍ୟ ଉପରେ ଥିଲା।
\v 23 ଆଉ ପଦାହସୂରର ପୁତ୍ର ଗମଲୀୟେଲ ମନଃଶି ସନ୍ତାନଗଣଙ୍କର ବଂଶୀୟ ସୈନ୍ୟ ଉପରେ ଥିଲା।
\v 24 ପୁଣି, ଗିଦିୟୋନିର ପୁତ୍ର ଅବୀଦାନ୍‍ ବିନ୍ୟାମୀନ୍‌ ସନ୍ତାନଗଣର ବଂଶୀୟ ସୈନ୍ୟ ଉପରେ ଥିଲା।
\s5
\v 25 ତହୁଁ ସମସ୍ତ ଛାଉଣିର ପଶ୍ଚାତ୍‍ ଦାନ୍-ସନ୍ତାନଗଣଙ୍କର ଛାଉଣିର ଧ୍ୱଜା ସେମାନଙ୍କ ସୈନ୍ୟାନୁସାରେ ଚଳିଲା ଓ ଅମ୍ମୀଶଦ୍ଦୟର ପୁତ୍ର ଅହୀୟେଷର ସେମାନଙ୍କ ସୈନ୍ୟ ଉପରେ ଥିଲା।
\v 26 ଆଉ ଅକ୍ରଣର ପୁତ୍ର ପଗୀୟେଲ ଆଶେର ସନ୍ତାନଗଣର ବଂଶୀୟ ସୈନ୍ୟ ଉପରେ ଥିଲା।
\v 27 ପୁଣି, ଐନନର ପୁତ୍ର ଅହୀର ନପ୍ତାଲି-ସନ୍ତାନଗଣର ବଂଶୀୟ ସୈନ୍ୟ ଉପରେ ଥିଲା।
\v 28 ଏହିରୂପେ ଇସ୍ରାଏଲ ସନ୍ତାନଗଣଙ୍କର ଯାତ୍ରା ସେମାନଙ୍କ ସୈନ୍ୟାନୁସାରେ ହେଲା ଓ ସେମାନେ ଅଗ୍ରସର ହେଲେ।
\s5
\v 29 ଏଥିଉତ୍ତାରେ ମୋଶା ଆପଣା ଶ୍ୱଶୁର ମିଦୀୟନୀୟ ରୁୟେଲର ପୁତ୍ର ହୋବବ୍‍କୁ କହିଲେ, “ସଦାପ୍ରଭୁ ଯେଉଁ ସ୍ଥାନ ବିଷୟରେ କହିଅଛନ୍ତି, ଆମ୍ଭେ ତାହା ତୁମ୍ଭମାନଙ୍କୁ ଦେବା, ସେହି ସ୍ଥାନକୁ ଆମ୍ଭେମାନେ ଯାତ୍ରା କରୁଅଛୁ; ତୁମ୍ଭେ ଆମ୍ଭମାନଙ୍କ ସଙ୍ଗରେ ଆସ, ତହିଁରେ ଆମ୍ଭେମାନେ ତୁମ୍ଭର ମଙ୍ଗଳ କରିବା; କାରଣ ସଦାପ୍ରଭୁ ଇସ୍ରାଏଲ ବିଷୟରେ ମଙ୍ଗଳ-କଥା କହିଅଛନ୍ତି।”
\v 30 ତହୁଁ ସେ କହିଲା, “ମୁଁ ଯିବି ନାହିଁ; ମାତ୍ର ମୁଁ ଆପଣା ନିଜ ଦେଶକୁ ଓ ଆପଣା ଜ୍ଞାତିମାନଙ୍କ ନିକଟକୁ ପ୍ରସ୍ଥାନ କରିବି।”
\s5
\v 31 ତେବେ ମୋଶା କହିଲେ, “ବିନୟ କରୁଅଛି, ତୁମ୍ଭେ, ଆମ୍ଭମାନଙ୍କୁ ଛାଡ଼ି ଯାଅ ନାହିଁ; କାରଣ ପ୍ରାନ୍ତର ମଧ୍ୟରେ କିପ୍ରକାରେ ଆମ୍ଭମାନଙ୍କର ଛାଉଣି ସ୍ଥାପନ କରିବାକୁ ହେବ, ତାହା ତୁମ୍ଭେ ଜାଣ, ଏହେତୁ ତୁମ୍ଭେ ଆମ୍ଭମାନଙ୍କ ଚକ୍ଷୁର ବଦଳେ ହେବ।
\v 32 ଆଉ ତୁମ୍ଭେ ଆମ୍ଭମାନଙ୍କ ସଙ୍ଗେ ଗଲେ ଏହା ହେବ, ନିଶ୍ଚୟ ଏହା ହେବ ଯେ, ସଦାପ୍ରଭୁ ଆମ୍ଭମାନଙ୍କ ପ୍ରତି ଯେକୌଣସି ମଙ୍ଗଳ କରିବେ, ତାହା ଆମ୍ଭେମାନେ ତୁମ୍ଭ ପ୍ରତି କରିବୁ।
\s5
\v 33 ଏଉତ୍ତାରେ ସେମାନେ ସଦାପ୍ରଭୁଙ୍କ ପର୍ବତରୁ ତିନି ଦିନର ପଥ ଗଲେ, ପୁଣି, ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ସେମାନଙ୍କ ନିମନ୍ତେ ବିଶ୍ରାମ ସ୍ଥାନ ଅନ୍ୱେଷଣ କରିବା ପାଇଁ ସେମାନଙ୍କ ଆଗରେ ତିନି ଦିନର ପଥ ଗଲା।
\v 34 ପୁଣି, ସେମାନେ ଛାଉଣିରୁ ଯାତ୍ରା କରିବା ସମୟରେ ସଦାପ୍ରଭୁଙ୍କ ମେଘ ଦିବସରେ ସେମାନଙ୍କ ଉପରେ ରହିଲା।
\s5
\v 35 ପୁଣି, ସିନ୍ଦୁକ ଅଗ୍ରସର ହେବା ସମୟରେ ମୋଶା କହନ୍ତି, “ସଦାପ୍ରଭୁ, ଉଠ, ପୁଣି, ତୁମ୍ଭର ଶତ୍ରୁମାନେ ଛିନ୍ନଭିନ୍ନ ହେଉନ୍ତୁ ଓ ଯେଉଁମାନେ ତୁମ୍ଭକୁ ଘୃଣା କରନ୍ତି, ସେମାନେ ତୁମ୍ଭ ସମ୍ମୁଖରୁ ପଳାୟନ କରନ୍ତୁ।
\v 36 ଆଉ ତାହା ବିଶ୍ରାମ କରିବା ସମୟରେ ସେ କହନ୍ତି, “ସଦାପ୍ରଭୁ, ତୁମ୍ଭେ ଇସ୍ରାଏଲର ଅୟୁତ ଅୟୁତ ସହସ୍ର ପ୍ରତି ଫେର।”
\s5
\c 11
\s ଲୋକମାନଙ୍କ ବଚସା
\p
\v 1 ଏଥିଉତ୍ତାରେ ଲୋକମାନେ ସଦାପ୍ରଭୁଙ୍କ କର୍ଣ୍ଣ-ଗୋଚରରେ ମନ୍ଦ କଥା କହି ବଚସାକାରୀ ଲୋକମାନଙ୍କ ତୁଲ୍ୟ ହେଲେ; ପୁଣି, ସଦାପ୍ରଭୁ ତାହା ଶୁଣନ୍ତେ, ତାହାଙ୍କର କ୍ରୋଧ ପ୍ରଜ୍ୱଳିତ ହେଲା; ତହିଁରେ ସଦାପ୍ରଭୁଙ୍କର ଅଗ୍ନି ସେମାନଙ୍କ ମଧ୍ୟରେ ପ୍ରଜ୍ୱଳିତ ହୋଇ ଛାଉଣିର ପ୍ରାନ୍ତ ଭାଗ ଗ୍ରାସ କଲା।
\v 2 ଏନିମନ୍ତେ ଲୋକମାନେ ମୋଶାଙ୍କ ନିକଟରେ କ୍ରନ୍ଦନ କଲେ; ତହୁଁ ମୋଶା ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରନ୍ତେ, ସେହି ଅଗ୍ନି ଲିଭିଗଲା।
\v 3 ତେଣୁ ସେହି ସ୍ଥାନର ନାମ ତବୀୟେରା
\f +
\fr 11:3
\ft ଅର୍ଥାତ୍ ଦହନ
\f* ହେଲା, କାରଣ ସଦାପ୍ରଭୁଙ୍କ ଅଗ୍ନି ସେମାନଙ୍କ ମଧ୍ୟରେ ଦହନ କଲା।
\s5
\v 4 ଏଥିଉତ୍ତାରେ ସେମାନଙ୍କ ମଧ୍ୟବର୍ତ୍ତୀ ମିଶ୍ରିତ ଲୋକମାନଙ୍କର ଜନତା ଲୋଭାକ୍ରାନ୍ତ ହେବାକୁ ଲାଗିଲେ; ପୁଣି, ଇସ୍ରାଏଲ ସନ୍ତାନଗଣ ମଧ୍ୟ ପୁନର୍ବାର ରୋଦନ କରି କହିଲେ, “କିଏ ଆମ୍ଭମାନଙ୍କୁ ମାଂସ ଖାଇବାକୁ ଦେବ ?
\v 5 ଆମ୍ଭେମାନେ ମିସର ଦେଶରେ ବିନାମୂଲ୍ୟରେ ଯେଉଁ ମାଛ ଖାଉଥିଲୁ, ତାହା ମନରେ ପଡ଼େ; ସେ କାକୁଡ଼ି, ସେ ଖରଭୁଜ, ସେ ପରୁ, ସେ ପିଆଜ ଓ ରସୁଣ (ମନରେ ପଡ଼େ);
\v 6 ମାତ୍ର ଏବେ ଆମ୍ଭମାନଙ୍କର ପ୍ରାଣ ଶୁଷ୍କ ହେଉଅଛି; ଏଠି କିଛି ନାହିଁ; ଏହି ମାନ୍ନା ବ୍ୟତୀତ ଆଉ ଦେଖିବାକୁ କିଛି ନାହିଁ।”
\s5
\v 7 ଆଉ ସେହି ମାନ୍ନା ଧନିଆ ପରି ଓ ତହିଁର ଦୃଶ୍ୟ ମୁକ୍ତା ସଦୃଶ।
\v 8 ଲୋକମାନେ ଏଣେତେଣେ ଭ୍ରମଣ କରି ତାହା ସାଉଣ୍ଟିଲେ ଓ ଚକିରେ ତାହା ପେଷିଲେ, ଅବା କୁଟଣୀରେ ତାହା ଚୂର୍ଣ୍ଣ କରି କହ୍ରାଇରେ ସିଝେଇ କରି ପିଠା ପ୍ରସ୍ତୁତ କଲେ; ଆଉ ତୈଳପକ୍ୱ ପିଠା ପରି ତହିଁର ସ୍ୱାଦ ଥିଲା।
\s5
\v 9 ରାତ୍ରିରେ ଛାଉଣି ଉପରେ କାକର ପଡ଼ିଲା ସମୟରେ ସେହି ମାନ୍ନା ତହିଁ ସଙ୍ଗରେ ପଡ଼ିଲା।
\v 10 ଏଉତ୍ତାରେ ଲୋକମାନେ ସମୁଦାୟ ପରିବାର ସହିତ, ପ୍ରତ୍ୟେକ ଲୋକ ଆପଣା ତମ୍ବୁ ଦ୍ୱାର ନିକଟରେ ରୋଦନ କରିବାର ମୋଶା ଶୁଣିଲେ; ତହିଁରେ ସଦାପ୍ରଭୁଙ୍କର କ୍ରୋଧ ଅତିଶୟ ପ୍ରଜ୍ୱଳିତ ହେଲା; ପୁଣି, ମୋଶା ମଧ୍ୟ ଅସନ୍ତୁଷ୍ଟ ହେଲେ।
\s5
\v 11 ତହୁଁ ମୋଶା ସଦାପ୍ରଭୁଙ୍କୁ କହିଲେ, “ତୁମ୍ଭେ କାହିଁକି ଆପଣା ଦାସ ପ୍ରତି ଅନିଷ୍ଟ ବ୍ୟବହାର କରିଅଛ ? ଓ କାହିଁକି ମୁଁ ତୁମ୍ଭ ଦୃଷ୍ଟିରେ ଅନୁଗ୍ରହ ପାଇନାହିଁ, ଯେ ତୁମ୍ଭେ ମୋ’ ଉପରେ ଏହି ସମସ୍ତ ଲୋକଙ୍କ ଭାର ଦେଉଅଛ ?
\v 12 ମୁଁ କ’ଣ ଏହି ସମସ୍ତ ଲୋକଙ୍କୁ ଗର୍ଭରେ ଧାରଣ କରିଅଛି ? ମୁଁ କ’ଣ ସେମାନଙ୍କୁ ଜନ୍ମ କରିଅଛି ଯେ, ତୁମ୍ଭେ ସେମାନଙ୍କ ପୂର୍ବପୁରୁଷମାନଙ୍କ ନିକଟରେ ଯେଉଁ ଦେଶ ବିଷୟରେ ଶପଥ କରିଥିଲ, ସେହି ଦେଶ ପର୍ଯ୍ୟନ୍ତ ଦୁଗ୍ଧପୋଷ୍ୟ ଶିଶୁ-ପାଳନକାରୀ ପିତା ତୁଲ୍ୟ ସେମାନଙ୍କୁ କୋଳରେ ବହି ଘେନି ଯିବା ପାଇଁ ମୋତେ କହୁଅଛ ?
\s5
\v 13 ମୁଁ ଏହି ସମସ୍ତ ଲୋକଙ୍କୁ ଦେବା ପାଇଁ ମାଂସ କେଉଁଠାରୁ ପାଇବି ? କାରଣ ସେମାନେ ମୋ’ ନିକଟରେ କାନ୍ଦି କହୁଅଛନ୍ତି, ଆମ୍ଭମାନଙ୍କୁ ମାଂସ ଦିଅ, ଆମ୍ଭେମାନେ ଖାଇବା।
\v 14 ମୁଁ ଏକାକୀ ଏତେ ଲୋକଙ୍କର ଭାର ବହି ନ ପାରେ, କାରଣ ଏହା ମୋ’ ପାଇଁ ଅସହ୍ୟ ଅଟେ।
\v 15 ଆଉ ଯଦି ତୁମ୍ଭେ ମୋ’ପ୍ରତି ଏପରି ବ୍ୟବହାର କର, ତେବେ ବିନୟ କରୁଅଛି, ମୁଁ ତୁମ୍ଭ ଦୃଷ୍ଟିରେ ଅନୁଗ୍ରହପାତ୍ର ହୋଇଥିଲେ, ସେହି କ୍ଷଣି ମୋତେ ମାରି ପକାଅ; ପୁଣି, ମୋତେ ଆପଣା ଦୁର୍ଗତି ଦେଖିବାକୁ ଦିଅ ନାହିଁ।”
\s ମୋଶାଙ୍କ ସାହାଯ୍ୟାର୍ଥେ ପ୍ରାଚୀନ ନିଯୁକ୍ତି
\p
\s5
\v 16 ସେତେବେଳେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଯେଉଁମାନଙ୍କୁ ଲୋକମାନଙ୍କର ପ୍ରାଚୀନ ଓ ଅଧିପତି ବୋଲି ଜାଣୁଅଛ, ଇସ୍ରାଏଲର ଏପରି ସତୁରି ଜଣ ପ୍ରାଚୀନ ଲୋକଙ୍କୁ ଆମ୍ଭ ନିକଟରେ ଏକତ୍ର କର; ପୁଣି, ସେମାନଙ୍କୁ ସମାଗମ-ତମ୍ବୁ ଦ୍ୱାର ନିକଟକୁ ଆଣ, ସେମାନେ ତୁମ୍ଭ ସଙ୍ଗେ ସେଠାରେ ଠିଆ ହେବେ।
\v 17 ତହିଁରେ ଆମ୍ଭେ ସେହି ସ୍ଥାନକୁ ଓହ୍ଲାଇ ଆସି ତୁମ୍ଭ ସଙ୍ଗେ କଥା କହିବା ଓ ତୁମ୍ଭଠାରେ ଯେଉଁ ଆତ୍ମା ଅଛି, ତହିଁରୁ ନେଇ ସେମାନଙ୍କୁ ଦେବା; ତହିଁରେ ତୁମ୍ଭେ ଯେପରି ଏକାକୀ ଲୋକମାନଙ୍କର ଭାର ନ ବହିବ, ଏଥିପାଇଁ ସେମାନେ ତୁମ୍ଭ ସହିତ ଲୋକମାନଙ୍କର ଭାର ବହିବେ।
\s5
\v 18 ପୁଣି, ତୁମ୍ଭେ ଲୋକମାନଙ୍କୁ କୁହ, ତୁମ୍ଭେମାନେ କାଲି ପାଇଁ ଆପଣା ଆପଣାକୁ ପବିତ୍ର କର, ଆଉ ତୁମ୍ଭେମାନେ ମାଂସ ଖାଇବ; କାରଣ ତୁମ୍ଭେମାନେ ସଦାପ୍ରଭୁଙ୍କ କର୍ଣ୍ଣଗୋଚରରେ କ୍ରନ୍ଦନ କରି କହିଅଛ, କିଏ ଆମ୍ଭମାନଙ୍କୁ ମାଂସ ଖାଇବାକୁ ଦେବ ? ବରଞ୍ଚ ମିସର ଦେଶରେ ଆମ୍ଭମାନଙ୍କର ମଙ୍ଗଳ ଥିଲା; ଏନିମନ୍ତେ ସଦାପ୍ରଭୁ ତୁମ୍ଭମାନଙ୍କୁ ମାଂସ ଦେବେ, ତୁମ୍ଭେମାନେ ତାହା ଖାଇବ।
\v 19 ତୁମ୍ଭେମାନେ ଦିନେ କିମ୍ବା ଦୁଇ ଦିନ କିମ୍ବା ପାଞ୍ଚ ଦିନ କିମ୍ବା ଦଶ ଦିନ କିମ୍ବା କୋଡ଼ିଏ ଦିନ ଖାଇବ, ତାହା ନୁହେଁ;
\v 20 ମାତ୍ର ସମ୍ପୂର୍ଣ୍ଣ ଏକ ମାସ, ଯେପର୍ଯ୍ୟନ୍ତ ତାହା ତୁମ୍ଭମାନଙ୍କ ନାସିକାରୁ ନିର୍ଗତ ଓ ତୁମ୍ଭମାନଙ୍କର ଘୃଣାଯୋଗ୍ୟ ନ ହୁଏ, ସେପର୍ଯ୍ୟନ୍ତ ଖାଇବ; କାରଣ ତୁମ୍ଭେମାନେ ଆପଣାମାନଙ୍କ ମଧ୍ୟବର୍ତ୍ତୀ ସଦାପ୍ରଭୁଙ୍କୁ ଅଗ୍ରାହ୍ୟ କରି ତାହାଙ୍କ ସମ୍ମୁଖରେ କ୍ରନ୍ଦନ କରି କହିଅଛ, ଆମ୍ଭେମାନେ କାହିଁକି ମିସରରୁ ବାହାରି ଆସିଲୁ।
\s5
\v 21 ତେବେ ମୋଶା କହିଲେ, “ମୁଁ ଯେଉଁ ଲୋକମାନଙ୍କ ମଧ୍ୟରେ ଅଛି, ସେମାନେ ଛଅ ଲକ୍ଷ ପଦାତିକ; ତଥାପି ତୁମ୍ଭେ କହୁଅଛ, ଆମ୍ଭେ ସେମାନଙ୍କୁ ମାଂସ ଦେବା, ସେମାନେ ତାହା ସମ୍ପୂର୍ଣ୍ଣ ଏକ ମାସ ଖାଇବେ।
\v 22 ସେମାନଙ୍କୁ ଅଣ୍ଟିବା ଭଳି କ’ଣ ପଲ ପଲ ଗୋମେଷ ବଧ କରାଯିବ ? ଅବା ସେମାନଙ୍କୁ ଅଣ୍ଟିବା ଭଳି ସମୁଦ୍ରର ସବୁ ମାଛ କ’ଣ ଏକତ୍ର କରାଯିବ ?
\v 23 ତହିଁରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ସଦାପ୍ରଭୁଙ୍କର ହସ୍ତ କି ସଙ୍କୁଚିତ ହୋଇଅଛି ? ତୁମ୍ଭ ପ୍ରତି ଆମ୍ଭର ବାକ୍ୟ ସଫଳ ହେବ କି ନାହିଁ, ତୁମ୍ଭେ ଏବେ ତାହା ଦେଖିବ।”
\s5
\v 24 ଏଥିରେ ମୋଶା ବାହାରକୁ ଯାଇ ଲୋକମାନଙ୍କୁ ସଦାପ୍ରଭୁଙ୍କର କଥା କହିଲେ, ପୁଣି, ସେ ଲୋକମାନଙ୍କର ପ୍ରାଚୀନବର୍ଗ ମଧ୍ୟରୁ ସତୁରି ଜଣଙ୍କୁ ଏକତ୍ର କରି ତମ୍ବୁର ଚତୁର୍ଦ୍ଦିଗରେ ରଖିଲେ।
\v 25 ତହିଁରେ ସଦାପ୍ରଭୁ ମେଘରେ ଓହ୍ଲାଇ ତାଙ୍କ ସହିତ କଥା କହିଲେ, ଆଉ ଯେଉଁ ଆତ୍ମା ତାଙ୍କଠାରେ ଥିଲା, ତହିଁରୁ ନେଇ ସତୁରି ପ୍ରାଚୀନଙ୍କୁ ଦେଲେ; ପୁଣି, ସେହି ଆତ୍ମା ସେମାନଙ୍କ ଉପରେ ଅବସ୍ଥାନ କରନ୍ତେ, ସେମାନେ ଭବିଷ୍ୟତ୍ କଥା ପ୍ରଚାର କଲେ, ମାତ୍ର ତହିଁ ଉତ୍ତାରେ ଆଉ କଲେ ନାହିଁ।
\s5
\v 26 ମାତ୍ର ଛାଉଣି ମଧ୍ୟରେ ଦୁଇ ଜଣ ଅବଶିଷ୍ଟ ରହିଲେ, ଜଣକର ନାମ ଇଲଦଦ୍‍ ଓ ଅନ୍ୟର ନାମ ମେଦଦ୍‍; ସେମାନଙ୍କ ଉପରେ ସେହି ଆତ୍ମା ଅବସ୍ଥିତି କଲା; ସେମାନେ ସେହି ଲିଖିତ ଲୋକମାନଙ୍କ ମଧ୍ୟରେ ଥିଲେ, ମାତ୍ର ବାହାର ହୋଇ ତମ୍ବୁ ନିକଟକୁ ଯାଇ ନ ଥିଲେ; ସେମାନେ ଛାଉଣି ମଧ୍ୟରେ ଥାଇ ଭବିଷ୍ୟତ କଥା ପ୍ରଚାର କଲେ।
\v 27 ତହୁଁ ଜଣେ ଯୁବା ଦୌଡ଼ି ଯାଇ ମୋଶାଙ୍କୁ କହିଲା, ଇଲଦଦ୍‍ ଓ ମେଦଦ୍‍ ଛାଉଣି ମଧ୍ୟରେ ଭବିଷ୍ୟତ କଥା ପ୍ରଚାର କରୁଅଛନ୍ତି।
\s5
\v 28 ତହିଁରେ (ନୂନର ପୁତ୍ର ଯିହୋଶୂୟ ନାମକ) ମୋଶାଙ୍କର ଜଣେ ମନୋନୀତ ପରିଚାରକ ମୋଶାଙ୍କୁ କହିଲେ, “ହେ ମୋହର ପ୍ରଭୁ ମୋଶା, ସେମାନଙ୍କୁ ନିଷେଧ କରନ୍ତୁ।”
\v 29 ତେବେ ମୋଶା କହିଲେ, “ତୁମ୍ଭେ ମୋ’ ସକାଶୁ କ’ଣ ଈର୍ଷା କରୁଅଛ ? ପରମେଶ୍ୱର କରନ୍ତୁ, ସଦାପ୍ରଭୁଙ୍କର ସମସ୍ତ ଲୋକ ଭବିଷ୍ୟଦ୍‍ବକ୍ତା ହୁଅନ୍ତୁ ଓ ସଦାପ୍ରଭୁ ସେମାନଙ୍କ ଉପରେ ଆପଣା ଆତ୍ମା ଦିଅନ୍ତୁ !”
\v 30 ଏଉତ୍ତାରେ ମୋଶା ଓ ଇସ୍ରାଏଲର ପ୍ରାଚୀନଗଣ ଛାଉଣିକୁ ଗମନ କଲେ।
\s ଭାଟୋଇ ପକ୍ଷୀ ଓ ମହାମାରୀ
\p
\s5
\v 31 ଏଥିଉତ୍ତାରେ ସଦାପ୍ରଭୁଙ୍କ ନିକଟରୁ ବାୟୁ ବହିଲା ଓ ତାହା ସମୁଦ୍ରରୁ ଭାଟୋଇ ପକ୍ଷୀ ଆଣିଲା, ପୁଣି, ଛାଉଣିର ଚତୁର୍ଦ୍ଦିଗରେ ଏପାଖେ ଦିନକର ପଥ ଓ ସେପାଖେ ଦିନକର ପଥ ପର୍ଯ୍ୟନ୍ତ ସେମାନଙ୍କୁ ଭୂମିଠାରୁ ପ୍ରାୟ ଦୁଇ ହସ୍ତ ଉର୍ଦ୍ଧ୍ୱରେ ପକାଇଲା।
\v 32 ତହିଁରେ ଲୋକମାନେ ଛିଡ଼ା ହୋଇ ସେହି ସମସ୍ତ ଦିବାରାତ୍ର ଓ ପରଦିନ ସମସ୍ତ ଦିବସ ସେହି ଭାଟୋଇ ପକ୍ଷୀ ସଂଗ୍ରହ କଲେ; କେହି ଦଶ ହୋମରରୁ ଊଣା ସଂଗ୍ରହ କଲା ନାହିଁ; ଆଉ ସେମାନେ ଆପଣାମାନଙ୍କ ନିମନ୍ତେ ଛାଉଣିର ଚାରିଆଡ଼େ ତାହା ବିଛାଇ ରଖିଲେ।
\s5
\v 33 ମାତ୍ର ସେମାନଙ୍କ ଦନ୍ତ ମଧ୍ୟରେ ମାଂସ ଥାଉ ଥାଉ, ଚୋବାଇଲା ପୂର୍ବେ, ଲୋକମାନଙ୍କ ବିରୁଦ୍ଧରେ ସଦାପ୍ରଭୁଙ୍କ କ୍ରୋଧ ପ୍ରଜ୍ୱଳିତ ହେଲା, ତହିଁରେ ସଦାପ୍ରଭୁ ଲୋକମାନଙ୍କୁ ଅତି ମହାମାରୀରେ ସଂହାର କଲେ।
\v 34 ତହିଁରେ ସେହି ସ୍ଥାନର ନାମ କିବ୍ରୋତ୍‍-ହତ୍ତାବା
\f +
\fr 11:34
\ft ଅର୍ଥାତ୍ ଲୋଭ ହେତୁ କବର
\f* ହେଲା; ଯେହେତୁ ସେମାନେ ସେହି ସ୍ଥାନରେ ଲୋକମାନଙ୍କୁ କବର ଦେଲେ।
\v 35 ଲୋକମାନେ କିବ୍ରୋତ୍‍-ହତ୍ତାବାଠାରୁ ହତ୍‍ସେରୋତକୁ ଯାତ୍ରା କରି ସେହିଠାରେ ରହିଲେ।
\s5
\c 12
\s ହାରୋଣ ଓ ମରୀୟମଙ୍କ ମୋଶାଙ୍କୁ ବିରୋଧ
\p
\v 1 ମୋଶା ଏକ କୂଶୀୟା ସ୍ତ୍ରୀକୁୁ ବିବାହ କରିଥିଲେ, ଏଣୁ ମରୀୟମ ଓ ହାରୋଣ ସେହି କୂଶୀୟା ସ୍ତ୍ରୀ ସକାଶୁ ମୋଶାଙ୍କ ବିରୁଦ୍ଧରେ କଥା କହିଲେ।
\v 2 ସେମାନେ କହିଲେ, “ସଦାପ୍ରଭୁ କି କେବଳ ମୋଶାଙ୍କ ସହିତ କଥା କହିଅଛନ୍ତି ? ସେ କି ଆମ୍ଭମାନଙ୍କ ସହିତ ମଧ୍ୟ କଥା କହି ନାହାନ୍ତି ? ମାତ୍ର ଏକଥା ସଦାପ୍ରଭୁ ଶୁଣିଲେ।
\v 3 ମୋଶା ପୃଥିବୀସ୍ଥ ସମସ୍ତ ଲୋକଙ୍କଠାରୁ ଅତି ନମ୍ର ଲୋକ ଥିଲେ।
\s5
\v 4 ଏଥିଉତ୍ତାରେ ସଦାପ୍ରଭୁ ଅକସ୍ମାତ୍‍ ମୋଶାଙ୍କୁ ଓ ହାରୋଣଙ୍କୁ ଓ ମରୀୟମକୁ କହିଲେ, “ତୁମ୍ଭେ ତିନି ଜଣ ବାହାର ହୋଇ ସମାଗମ-ତମ୍ବୁ ନିକଟକୁ ଆସ” ତହିଁରେ ସେ ତିନି ଜଣ ବାହାର ହୋଇ ଆସିଲେ;
\v 5 ସେତେବେଳେ ସଦାପ୍ରଭୁ ମେଘ ସ୍ତମ୍ଭରେ ଓହ୍ଲାଇ ତମ୍ବୁ ଦ୍ୱାରରେ ଛିଡ଼ା ହୋଇ ହାରୋଣ ଓ ମରୀୟମଙ୍କୁ ଡାକିଲେ; ତହୁଁ ସେମାନେ ଦୁହେଁ ବାହାର ହୋଇ ଆସିଲେ।
\s5
\v 6 ତେବେ ସେ କହିଲେ, “ଆମ୍ଭର ବାକ୍ୟ ଶୁଣ; ଯଦି ତୁମ୍ଭମାନଙ୍କ ମଧ୍ୟରେ କେହି ଭବିଷ୍ୟଦ୍‍ବକ୍ତା ଥାଏ, ତେବେ ଆମ୍ଭେ ସଦାପ୍ରଭୁ କୌଣସି ଦର୍ଶନ ଦ୍ୱାରା ତାହା ପ୍ରତି ଆପଣାକୁ ପ୍ରକାଶ କରିବା, ଆମ୍ଭେ ସ୍ୱପ୍ନ ଦ୍ୱାରା ତାହା ସହିତ କଥା କହିବା।
\v 7 ଆମ୍ଭର ସେବକ ମୋଶା ତଦ୍ରୂପ ନୁହେଁ; ସେ ଆମ୍ଭର ସମସ୍ତ ଗୃହ ମଧ୍ୟରେ ବିଶ୍ୱାସପାତ୍ର ଅଟେ।
\v 8 ଆମ୍ଭେ ତାହା ସହିତ ଗୂଢ଼ ବାକ୍ୟରେ ନୁହେଁ, ମାତ୍ର ମୁଖାମୁଖୀ ହୋଇ ପ୍ରକାଶ୍ୟ ରୂପେ କଥା କହିବା ଓ ସେ ସଦାପ୍ରଭୁଙ୍କର ଆକାର ଦର୍ଶନ କରିବ; ଏହେତୁ ତୁମ୍ଭେମାନେ ଆମ୍ଭ ସେବକ ମୋଶାଙ୍କ ବିରୁଦ୍ଧରେ କଥା କହିବାକୁ କାହିଁକି ଭୀତ ହେଲ ନାହିଁ ?”
\s5
\v 9 ଏହିରୂପେ ସେମାନଙ୍କ ପ୍ରତି ସଦାପ୍ରଭୁଙ୍କ କ୍ରୋଧ ପ୍ରଜ୍ୱଳିତ ହେଲା; ତହୁଁ ସେ ପ୍ରସ୍ଥାନ କଲେ।
\v 10 ପୁଣି, ତମ୍ବୁ ଉପରୁ ମେଘ ସ୍ଥାନାନ୍ତରିତ ହେଲା ଆଉ ଦେଖ, ମରୀୟମ କୁଷ୍ଠଗ୍ରସ୍ତା, ହିମ ତୁଲ୍ୟ ଶ୍ୱେତ; ପୁଣି, ହାରୋଣ ମରୀୟମଙ୍କୁ ଅନାନ୍ତେ, ଦେଖ, ସେ କୁଷ୍ଠଗ୍ରସ୍ତ।
\s5
\v 11 ତହିଁରେ ହାରୋଣ ମୋଶାଙ୍କୁ କହିଲେ, “ହେ ମୋହର ପ୍ରଭୁ, ଆମ୍ଭେମାନେ ମୂର୍ଖତାର କର୍ମ କରିଅଛୁ ଓ ଆମ୍ଭେମାନେ ପାପ କରିଅଛୁ, ଏହେତୁ ବିନୟ କରୁଅଛି, ଆମ୍ଭମାନଙ୍କ ଉପରେ ସେହି ପାପ ଥୁଅ ନାହିଁ।”
\v 12 ମାତାର ଗର୍ଭରୁ ନିର୍ଗତ ହେଲା ସମୟରେ ଯାହାର ମାଂସ ଅର୍ଦ୍ଧନଷ୍ଟ, ଏପରି ମୃତ ଲୋକ ତୁଲ୍ୟ ସେ ନ ହେଉ।
\s5
\v 13 ତହିଁରେ ମୋଶା ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରି କହିଲେ, “ହେ ପରମେଶ୍ୱର, ବିନୟ କରୁଅଛି, ତାହାକୁ ସୁସ୍ଥ କର।”
\v 14 ଏଥିରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ଯଦି ତାହାର ପିତା ତାହାର ମୁଖରେ କେବଳ ଛେପ ପକାଇଥା’ନ୍ତା, ତେବେ ସେ କି ସାତ ଦିନ ଲଜ୍ଜିତା ହୁଅନ୍ତା ନାହିଁ ? ସେ ସାତ ଦିନ ପର୍ଯ୍ୟନ୍ତ ଛାଉଣି ବାହାରେ ରୁଦ୍ଧା ହୋଇ ରହୁ; ତହିଁ ଉତ୍ତାରେ ସେ ଭିତରକୁ ଅଣାଯିବ।”
\v 15 ତହୁଁ ମରୀୟମ ସାତ ଦିନ ଛାଉଣିର ବାହାରେ ରୁଦ୍ଧା ହେଲା, ଆଉ ମରୀୟମ ପୁନର୍ବାର ଭିତରକୁ ଅଣା ନ ଯିବାଯାଏ ଲୋକମାନେ ଯାତ୍ରା କଲେ ନାହିଁ।
\s5
\v 16 ତହିଁ ଉତ୍ତାରେ ଲୋକମାନେ ହତ୍‍ସେରୋତଠାରୁ ଯାତ୍ରା କରି ପାରଣ ପର୍ବତରେ ଛାଉଣି ସ୍ଥାପନ କଲେ।
\s5
\c 13
\s କିଣାନକୁ ଦୂତ ପ୍ରେରଣ
\p
\v 1 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
\v 2 “ଆମ୍ଭେ ଇସ୍ରାଏଲ-ସନ୍ତାନଗଣଙ୍କୁ ଯେଉଁ କିଣାନ ଦେଶ ଦେବା, ତାହା ଅନୁସନ୍ଧାନ କରିବାକୁ ତୁମ୍ଭେ ଲୋକ ପଠାଅ, ସେମାନଙ୍କର ପ୍ରତ୍ୟେକ ପିତୃବଂଶ ମଧ୍ୟରେ ଯେଉଁମାନେ ଅଧିପତି, ସେମାନଙ୍କୁ ପଠାଅ।”
\s5
\v 3 ତହିଁରେ ମୋଶା ସଦାପ୍ରଭୁଙ୍କ ଆଜ୍ଞାନୁସାରେ ପାରଣ ପ୍ରାନ୍ତରରୁ ସେମାନଙ୍କୁ ପଠାଇଲେ; ସେହି ଲୋକ ସମସ୍ତେ ଇସ୍ରାଏଲ ସନ୍ତାନଗଣର ପ୍ରଧାନ ଥିଲେ।
\v 4 ସେମାନଙ୍କର ନାମ ଏହି-ରୁବେନ୍‍ ବଂଶ ମଧ୍ୟରୁ ସକ୍କୁରର ପୁତ୍ର ଶମ୍ମୂୟ;
\s5
\v 5 ଶିମୀୟୋନ ବଂଶ ମଧ୍ୟରୁ ହୋରିର ପୁତ୍ର ଶାଫଟ;
\v 6 ଯିହୁଦା ବଂଶ ମଧ୍ୟରୁ ଯିଫୁନ୍ନିର ପୁତ୍ର କାଲେବ;
\v 7 ଇଷାଖର ବଂଶ ମଧ୍ୟରୁ ଯୋଷେଫର ପୁତ୍ର ଯିଗାଲ;
\v 8 ଇଫ୍ରୟିମ ବଂଶ ମଧ୍ୟରୁ ନୂନର ପୁତ୍ର ହୋଶେୟ;
\s5
\v 9 ବିନ୍ୟାମୀନ୍ ବଂଶ ମଧ୍ୟରୁ ରାଫୂର ପୁତ୍ର ପଲ୍‍ଟି;
\v 10 ସବୂଲୂନ ବଂଶ ମଧ୍ୟରୁ ସୋଦିର ପୁତ୍ର ଗଦ୍ଦୀୟେଲ;
\v 11 ଯୋଷେଫ ବଂଶ ମଧ୍ୟରୁ, ଅର୍ଥାତ୍‍, ମନଃଶି ବଂଶ ମଧ୍ୟରୁ ସୂଷିର ପୁତ୍ର ଗଦ୍ଦି;
\v 12 ଦାନ୍ ବଂଶ ମଧ୍ୟରୁ ଗମଲ୍ଲୀର ପୁତ୍ର ଅମ୍ମୀୟେଲ;
\s5
\v 13 ଆଶେର ବଂଶ ମଧ୍ୟରୁ ମୀଖାୟେଲର ପୁତ୍ର ସଥୁର;
\v 14 ନପ୍ତାଲି ବଂଶ ମଧ୍ୟରୁ ବପ୍‍ସିର ପୁତ୍ର ନହବି;
\v 15 ଗାଦ୍‍ ବଂଶ ମଧ୍ୟରୁ ମାଖିର ପୁତ୍ର ଗୂୟେଲ।
\v 16 ମୋଶା ଯେଉଁ ଲୋକମାନଙ୍କୁ ଦେଶ ଅନୁସନ୍ଧାନ କରିବାକୁ ପଠାଇଥିଲେ, ସେମାନଙ୍କର ନାମ ଏହି, ଆଉ ମୋଶା, ନୂନର ପୁତ୍ର ହୋଶେୟଙ୍କୁ ଯିହୋଶୂୟ ନାମ ଦେଲେ।
\s5
\v 17 ଆଉ ମୋଶା ଏମାନଙ୍କୁ କିଣାନ ଦେଶ ଅନୁସନ୍ଧାନ କରିବାକୁ ପଠାଇ କହିଲେ, “ତୁମ୍ଭେମାନେ ଏହି ଦକ୍ଷିଣ ଦିଗ ଦେଇ ପର୍ବତ ଆରୋହଣ କର;
\v 18 ପୁଣି, ସେହି ଦେଶ କିପରି ଓ ତହିଁରେ ବାସକାରୀ ଲୋକମାନେ ବଳବାନ କି ଦୁର୍ବଳ ଓ ଅଳ୍ପ କି ଅନେକ;
\v 19 ପୁଣି, ସେମାନେ ଯେଉଁ ଦେଶରେ ବାସ କରନ୍ତି, ତାହା ଭଲ କି ମନ୍ଦ ଓ ଯେଉଁ ଯେଉଁ ନଗରରେ ବାସ କରନ୍ତି, ତାହା କି ପ୍ରକାର; ସେମାନେ ତମ୍ବୁରେ କି ଗଡ଼ରେ, କାହିଁରେ ବାସ କରନ୍ତି;
\v 20 ପୁଣି, ସେହି ଭୂମି କି ପ୍ରକାର, ଉର୍ବର କି ଅନୁର୍ବର, ତହିଁ ମଧ୍ୟରେ ବୃକ୍ଷ ଅଛି କି ନାହିଁ, ତାହା ଦେଖ। ଆଉ ତୁମ୍ଭେମାନେ ସାହସୀ ହୋଇ ସେହି ଦେଶର ଫଳରୁ କିଛି ସଙ୍ଗରେ ଆଣ। ସେହି ସମୟରେ ପ୍ରଥମ ପକ୍ୱ ଦ୍ରାକ୍ଷାଫଳର ସମୟ ଥିଲା।
\s5
\v 21 ଏଣୁ ସେମାନେ ସୀନ୍‍ ପ୍ରାନ୍ତରରୁ ଯାତ୍ରା କରି ହମାତର ପ୍ରବେଶ ସ୍ଥାନସ୍ଥିତ ରହୋବ ପର୍ଯ୍ୟନ୍ତ ଦେଶ ଅନୁସନ୍ଧାନ କଲେ।
\v 22 ଆଉ ସେମାନେ ଦକ୍ଷିଣ ଦିଗ ଦେଇ ଯାଇ ହିବ୍ରୋଣରେ ଉପସ୍ଥିତ ହେଲେ; ସେହି ସ୍ଥାନରେ ଅହୀମାନ୍‍, ଶେଶୟ ଓ ତଲ୍ମୟ, ଅନାକର ଏହି ସନ୍ତାନମାନେ ଥିଲେ। ମିସରସ୍ଥିତ ସୋୟନ-ପତ୍ତନର ସାତ ବର୍ଷ ପୂର୍ବେ ହିବ୍ରୋଣର ପତ୍ତନ ହୋଇଥିଲା।
\s5
\v 23 ଏଉତ୍ତାରେ ସେମାନେ ଇଷ୍କୋଲ-ଉପତ୍ୟକାରେ ଉପସ୍ଥିତ ହୋଇ ସେଠାରେ ଏକ ପେଣ୍ଡା ଫଳଯୁକ୍ତ ଦ୍ରାକ୍ଷାଲତାର ଏକ ଡାଳ କାଟି ତାହା ଦୁଇ ଜଣ ସାଙ୍ଗୀରେ ବହିଲେ; ସେମାନେ ଡାଳିମ୍ବ ଓ ଡିମ୍ବିରି ଫଳ ମଧ୍ୟ ଆଣିଲେ।
\v 24 ଇସ୍ରାଏଲ ସନ୍ତାନଗଣ ଯେଉଁ ଦ୍ରାକ୍ଷାପେଣ୍ଡା କାଟିଥିଲେ, ତହିଁ ସକାଶୁ ସେହି ସ୍ଥାନ ଇଷ୍କୋଲ (ପେଣ୍ଡା) ଉପତ୍ୟକା ନାମରେ ପ୍ରସିଦ୍ଧ ହେଲା।
\s ଦୂତମାନଙ୍କ ବିବରଣ
\p
\s5
\v 25 ଆଉ ଚାଳିଶ ଦିନ ଉତ୍ତାରେ ସେମାନେ ଦେଶ ଅନୁସନ୍ଧାନ କରି ଫେରି ଆସିଲେ।
\v 26 ଏଥିଉତ୍ତାରେ ସେମାନେ ଆସି ପାରଣ ପ୍ରାନ୍ତରସ୍ଥ କାଦେଶ ନାମକ ସ୍ଥାନରେ ମୋଶା, ହାରୋଣ ଓ ଇସ୍ରାଏଲ ସନ୍ତାନଗଣଙ୍କର ସମସ୍ତ ମଣ୍ଡଳୀ ନିକଟରେ ଉପସ୍ଥିତ ହୋଇ ସେମାନଙ୍କୁ ଓ ସମସ୍ତ ମଣ୍ଡଳୀକୁ ସମାଚାର ଦେଲେ ଓ ସେମାନଙ୍କୁ ସେହି ଦେଶର ଫଳ ଦେଖାଇଲେ।
\s5
\v 27 ପୁଣି, ସେମାନେ ବର୍ଣ୍ଣନା କରି ତାଙ୍କୁ କହିଲେ, “ତୁମ୍ଭେ ଆମ୍ଭମାନଙ୍କୁ ଯେଉଁ ଦେଶକୁ ପଠାଇଥିଲ, ଆମ୍ଭେମାନେ ସେଠାକୁ ଯାଇଥିଲୁ; ଆଉ ତାହା ଦୁଗ୍ଧ ଓ ମଧୁ ପ୍ରବାହୀ ଅଟେ ଓ ଏହା ତହିଁର ଫଳ।
\v 28 ତଥାପି ସେହି ଦେଶ ନିବାସୀମାନେ ବଳବାନ ଓ ନଗରସବୁ ପ୍ରାଚୀର ବେଷ୍ଟିତ ଓ ଅତି ବଡ଼; ଆହୁରି ଆମ୍ଭେମାନେ ସେଠାରେ ଅନାକର ସନ୍ତାନଗଣକୁ ଦେଖିଲୁ।
\v 29 ଦକ୍ଷିଣ ଦେଶରେ ଅମାଲେକ ବାସ କରନ୍ତି; ପୁଣି, ପର୍ବତରେ ହିତ୍ତୀୟ, ଯିବୂଷୀୟ ଓ ଇମୋରୀୟ ଲୋକମାନେ ବାସ କରନ୍ତି; ଆଉ ସମୁଦ୍ର ନିକଟରେ ଓ ଯର୍ଦ୍ଦନ ତୀରରେ କିଣାନୀୟ ଲୋକମାନେ ବାସ କରନ୍ତି।”
\s5
\v 30 ତହିଁରେ କାଲେବ ମୋଶାଙ୍କ ପକ୍ଷରୁ ଲୋକମାନଙ୍କୁ କ୍ଷାନ୍ତ କରି କହିଲେ, “ଆସ, ଆମ୍ଭେମାନେ ଏହିକ୍ଷଣି ଉଠିଯାଇ ତାହା ଅଧିକାର କରୁ; ତାହା ପରାସ୍ତ କରିବାକୁ ଆମ୍ଭେମାନେ ସକ୍ଷମ ଅଟୁ।”
\v 31 ମାତ୍ର ଯେଉଁ ଲୋକମାନେ ତାଙ୍କ ସହିତ ଯାଇଥିଲେ, ସେମାନେ କହିଲେ, “ଆମ୍ଭେମାନେ ସେହି ଲୋକମାନଙ୍କ ବିରୁଦ୍ଧରେ ଯାଇ ନ ପାରୁ, କାରଣ ସେମାନେ ଆମ୍ଭମାନଙ୍କଠାରୁ ବଳବାନ।”
\s5
\v 32 ଏହିରୂପେ ସେମାନେ ଯେଉଁ ଦେଶ ଅନୁସନ୍ଧାନ କରିଥିଲେ, ଇସ୍ରାଏଲ ସନ୍ତାନଗଣ ନିକଟରେ ସେହି ଦେଶର ଅଖ୍ୟାତି କରି କହିଲେ, “ଆମ୍ଭେମାନେ ଯେଉଁ ଦେଶର ମଧ୍ୟଦେଇ ଅନୁସନ୍ଧାନ କରିବାକୁ ଯାଇଥିଲୁ, ସେହି ଦେଶ ସ୍ୱନିବାସୀମାନଙ୍କୁ ଗ୍ରାସ କରେ, ପୁଣି, ତହିଁ ମଧ୍ୟରେ ଆମ୍ଭେମାନେ ଯେତେ ଲୋକଙ୍କୁ ଦେଖିଲୁ, ସେମାନେ ବଡ଼ ଡେଙ୍ଗା।
\v 33 ଆଉ ସେ ସ୍ଥାନରେ ଆମ୍ଭେମାନେ ମହାବୀରଜାତ ଅନାକର ସନ୍ତାନ ମହାବୀରଗଣକୁ ଦେଖିଲୁ; ଆଉ ଆମ୍ଭେମାନେ ଆପଣାମାନଙ୍କ ଦୃଷ୍ଟିରେ ଫଡ଼ିଙ୍ଗ ପରି ହେଲୁ ଓ ସେମାନଙ୍କ ଦୃଷ୍ଟିରେ ମଧ୍ୟ ସେରୂପ ଥିଲୁ।”
\s5
\c 14
\s ଲୋକମାନଙ୍କ ବିଦ୍ରୋହ
\p
\v 1 ଏଥିରେ ସମସ୍ତ ମଣ୍ଡଳୀ ଉଚ୍ଚସ୍ୱରରେ କୋଳାହଳ କଲେ ଓ ଲୋକମାନେ ସେହି ରାତ୍ରି ରୋଦନ କଲେ।
\v 2 ପୁଣି, ଇସ୍ରାଏଲ ସନ୍ତାନଗଣ ସମସ୍ତେ ମୋଶାଙ୍କ ବିରୁଦ୍ଧରେ ଓ ହାରୋଣଙ୍କ ବିରୁଦ୍ଧରେ ବଚସା କଲେ ଓ ସମସ୍ତ ମଣ୍ଡଳୀ ସେମାନଙ୍କ ଆଗରେ କହିଲେ, “ଆହା, ଆମ୍ଭେମାନେ ମିସର ଦେଶରେ ନଚେତ୍ ଏହି ପ୍ରାନ୍ତରରେ ମରିଥା’ନ୍ତୁ ! ଆହା, ଆମ୍ଭେମାନେ ଯଦି ଏହି ପ୍ରାନ୍ତରରେ ମରିଥା’ନ୍ତୁ !
\v 3 ସଦାପ୍ରଭୁ ଆମ୍ଭମାନଙ୍କୁ ଖଡ୍ଗରେ ନିପାତ କରିବା ପାଇଁ କାହିଁକି ଏ ଦେଶକୁ ଆଣିଅଛନ୍ତି ? ଯଦ୍ଦ୍ଵାରା ଆମ୍ଭମାନଙ୍କର ଭାର୍ଯ୍ୟା ଓ ବାଳକମାନେ ଲୁଟିତ ହେବେ; ମିସରକୁ ଫେରି ଗଲେ କି ଆମ୍ଭମାନଙ୍କ ପାଇଁ ଭଲ ହୁଅନ୍ତା ନାହିଁ ?”
\s5
\v 4 ଏଥିରେ ସେମାନେ ପରସ୍ପରକୁ କହିଲେ, “ଆସ, ଆମ୍ଭେମାନେ ଜଣକୁ ପ୍ରଧାନ କରି ମିସରକୁ ଫେରି ଯାଉ।”
\v 5 ତହିଁରେ ମୋଶା ଓ ହାରୋଣ ଇସ୍ରାଏଲ ସନ୍ତାନଗଣର ସମସ୍ତ ସମାଜ ଆଗରେ ମୁହଁ ମାଡ଼ି ପଡ଼ିଲେ।
\s5
\v 6 ତହୁଁ ଦେଶ ଅନୁସନ୍ଧାନକାରୀ ଲୋକମାନଙ୍କ ମଧ୍ୟରୁ ନୂନର ପୁତ୍ର ଯିହୋଶୂୟ ଓ ଯିଫୁନ୍ନିର ପୁତ୍ର କାଲେବ ଆପଣା ଆପଣା ବସ୍ତ୍ର ଚିରିଲେ;
\v 7 ଆଉ ସେମାନେ ଇସ୍ରାଏଲ-ସନ୍ତାନଗଣଙ୍କର ସମସ୍ତ ମଣ୍ଡଳୀକୁ କହିଲେ, “ଆମ୍ଭେମାନେ ଯେଉଁ ଦେଶ ଅନୁସନ୍ଧାନ କରିବାକୁ ଯାଇଥିଲୁ, ତାହା ଅତ୍ୟନ୍ତ ଉତ୍ତମ ଦେଶ ଅଟେ।”
\v 8 ଯଦି ସଦାପ୍ରଭୁ ଆମ୍ଭମାନଙ୍କଠାରେ ସନ୍ତୁଷ୍ଟ ହୁଅନ୍ତି, ତେବେ ସେ ଆମ୍ଭମାନଙ୍କୁ ସେହି ଦେଶକୁ ନେବେ ଓ ତାହା ଆମ୍ଭମାନଙ୍କୁ ଦେବେ; ସେହି ଦେଶ ଦୁଗ୍ଧ ଓ ମଧୁ ପ୍ରବାହୀ ଅଟେ।
\s5
\v 9 କେବଳ ତୁମ୍ଭେମାନେ ସଦାପ୍ରଭୁଙ୍କର ବିଦ୍ରୋହୀ ହୁଅ ନାହିଁ, କିଅବା ସେହି ଦେଶର ଲୋକମାନଙ୍କୁ ଭୟ କର ନାହିଁ, କାରଣ ସେମାନେ ଆମ୍ଭମାନଙ୍କର ଭକ୍ଷ୍ୟ ସ୍ୱରୂପ; ସେମାନଙ୍କ ଆଶ୍ରୟ ସେମାନଙ୍କ ଉପରୁ ଘୁଞ୍ଚାଗଲାଣି, ପୁଣି, ସଦାପ୍ରଭୁ ଆମ୍ଭମାନଙ୍କ ସଙ୍ଗରେ ଅଛନ୍ତି; ସେମାନଙ୍କୁ ଭୟ କର ନାହିଁ।
\v 10 ମାତ୍ର ସମସ୍ତ ମଣ୍ଡଳୀ ସେମାନଙ୍କୁ ପଥରରେ ମାରିବାକୁ କହିଲେ। ସେତେବେଳେ ସଦାପ୍ରଭୁଙ୍କର ପ୍ରତାପ ସମାଗମ-ତମ୍ବୁରେ ଇସ୍ରାଏଲର ସମସ୍ତ ସନ୍ତାନ ପ୍ରତି ପ୍ରକାଶିତ ହେଲା।
\s ମୋଶାଙ୍କ ପ୍ରାର୍ଥନା
\p
\s5
\v 11 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ଏହି ଲୋକମାନେ କେତେ କାଳ ପର୍ଯ୍ୟନ୍ତ ଆମ୍ଭଙ୍କୁ ଅବଜ୍ଞା କରିବେ ? ଆଉ ଆମ୍ଭେ ସେମାନଙ୍କ ମଧ୍ୟରେ ଚିହ୍ନ ସ୍ୱରୂପେ ଯେଉଁ ସମସ୍ତ କର୍ମ କରିଅଛୁ, ତାହା କଲେ ହେଁ ସେମାନେ କେତେ କାଳ ପର୍ଯ୍ୟନ୍ତ ଆମ୍ଭଠାରେ ବିଶ୍ୱାସ କରିବେ ନାହିଁ ?
\v 12 ଆମ୍ଭେ ମହାମାରୀ ଦ୍ୱାରା ସେମାନଙ୍କୁ ସଂହାର କରିବା ଓ ସେମାନଙ୍କୁ ଅଧିକାରଚ୍ୟୁତ କରିବା, ପୁଣି, ସେମାନଙ୍କଠାରୁ ତୁମ୍ଭକୁ ବଡ଼ ଓ ବଳବାନ ଗୋଷ୍ଠୀ କରିବା।
\s5
\v 13 ଏଥିରେ ମୋଶା ସଦାପ୍ରଭୁଙ୍କୁ କହିଲେ, “ତେବେ ମିସ୍ରୀୟ ଲୋକମାନେ ତ ଏହା ଶୁଣିବେ; କାରଣ ତୁମ୍ଭେ ଆପଣା ପରାକ୍ରମ ଦ୍ୱାରା ସେମାନଙ୍କ ମଧ୍ୟରୁ ଏହି ଲୋକମାନଙ୍କୁ ଆଣିଅଛ।
\v 14 ପୁଣି, ସେମାନେ ଏ ଦେଶ ନିବାସୀମାନଙ୍କୁ ତାହା କହିବେ; ସେମାନେ ଶୁଣିଅଛନ୍ତି ଯେ, ତୁମ୍ଭେ ସଦାପ୍ରଭୁ ଏହି ଲୋକମାନଙ୍କ ମଧ୍ୟବର୍ତ୍ତୀ ଅଟ; କାରଣ ତୁମ୍ଭେ ସଦାପ୍ରଭୁ ପ୍ରତ୍ୟକ୍ଷ ଦର୍ଶନ ଦେଉଅଛ ଓ ତୁମ୍ଭ ମେଘ ସେମାନଙ୍କ ଉପରେ ସ୍ଥିତି କରୁଅଛି ଓ ତୁମ୍ଭେ ଦିନ ସମୟରେ ମେଘ ସ୍ତମ୍ଭରେ ଓ ରାତ୍ରି ସମୟରେ ଅଗ୍ନି ସ୍ତମ୍ଭରେ ସେମାନଙ୍କ ଆଗେ ଆଗେ ଗମନ କରୁଅଛ।
\s5
\v 15 ବର୍ତ୍ତମାନ ଯଦି ତୁମ୍ଭେ ଏହି ଲୋକମାନଙ୍କୁ ଏକ ମନୁଷ୍ୟ ତୁଲ୍ୟ ବଧ କରିବ, ତେବେ ଯେଉଁ ଅନ୍ୟ ଦେଶୀୟ ଲୋକମାନେ ତୁମ୍ଭର କୀର୍ତ୍ତିର କଥା ଶୁଣିଅଛନ୍ତି, ସେମାନେ କହିବେ,
\v 16 ସଦାପ୍ରଭୁ ଏହି ଲୋକମାନଙ୍କୁ ଯେଉଁ ଦେଶ ଦେବାକୁ ଶପଥ କରିଥିଲେ, ସେହି ଦେଶକୁ ସେମାନଙ୍କୁ ଆଣି ପାରିଲେ ନାହିଁ, ଏହେତୁ ସେ ସେମାନଙ୍କୁ ପ୍ରାନ୍ତରରେ ବଧ କରିଅଛନ୍ତି।
\s5
\v 17 ଏବେ ମୁଁ ବିନୟ କରୁଅଛି, ପ୍ରଭୁଙ୍କ ପରାକ୍ରମ ମହାନ୍ ହେଉ, ଯେପରି ତୁମ୍ଭେ କହିଅଛ,
\v 18 ସଦାପ୍ରଭୁ କ୍ରୋଧରେ ଧୀର, ଦୟାରେ ପରିପୂର୍ଣ୍ଣ, ଅପରାଧ ଓ ଆଜ୍ଞା-ଲଙ୍ଘନର କ୍ଷମାକାରୀ, ତଥାପି ନିତାନ୍ତ ତହିଁର ଦଣ୍ଡଦାତା; ପୁଣି, ତୃତୀୟ ଓ ଚତୁର୍ଥ ପୁରୁଷ ପର୍ଯ୍ୟନ୍ତ ସନ୍ତାନଗଣ ଉପରେ ପିତୃଗଣଙ୍କର ଅପରାଧର ପ୍ରତିଫଳଦାତା।
\v 19 ବିନୟ କରୁଅଛି, ତୁମ୍ଭେ ଆପଣା ଦୟାର ମହତ୍ତ୍ୱ ଅନୁସାରେ ଓ ତୁମ୍ଭେ ଏହି ଲୋକମାନଙ୍କୁ ମିସରଠାରୁ ଏପର୍ଯ୍ୟନ୍ତ ଯେପରି କ୍ଷମା କରିଅଛ, ତଦନୁସାରେ ଏହି ଲୋକମାନଙ୍କର ଅପରାଧ କ୍ଷମା କର।
\s ବଚସାକାରୀଙ୍କ ପ୍ରତି ସଦାପ୍ରଭୁଙ୍କ ବିଚାର
\p
\s5
\v 20 ତହିଁରେ ସଦାପ୍ରଭୁ କହିଲେ, “ଆମ୍ଭେ ତୁମ୍ଭର ଅନୁରୋଧନୁସାରେ ସେମାନଙ୍କୁ କ୍ଷମା କଲୁ।
\v 21 ମାତ୍ର ଯଦି ଆମ୍ଭେ ଜୀବିତ ହେଉ, ଆଉ ଯଦି ଏହି ସମସ୍ତ ପୃଥିବୀ ସଦାପ୍ରଭୁଙ୍କ ପ୍ରତାପରେ ପରିପୂର୍ଣ୍ଣ ହେବ,
\v 22 ତେବେ ଏମାନଙ୍କ ମଧ୍ୟରୁ ଯେତେ ଲୋକ ଆମ୍ଭର ପ୍ରତାପ, ପୁଣି, ମିସରରେ ଓ ପ୍ରାନ୍ତରରେ କୃତ ଆମ୍ଭର ଚିହ୍ନ ସ୍ୱରୂପ କର୍ମ ଦେଖିଲେ ମଧ୍ୟ ଦଶଥର ଆମ୍ଭର ପରୀକ୍ଷା କରିଅଛନ୍ତି ଓ ଆମ୍ଭ ରବରେ ଅମନୋଯୋଗୀ ହୋଇଅଛନ୍ତି,
\s5
\v 23 ସେମାନଙ୍କ ପୂର୍ବପୁରୁଷମାନଙ୍କ ପ୍ରତି ଆମ୍ଭେ ଯେଉଁ ଦେଶ ବିଷୟରେ ଶପଥ କରିଅଛୁ, ନିଶ୍ଚୟ ଏମାନଙ୍କ ମଧ୍ୟରୁ କେହି ସେହି ଦେଶ ଦେଖି ପାରିବେ ନାହିଁ; କିଅବା ଯେଉଁମାନେ ଆମ୍ଭଙ୍କୁ ଅବଜ୍ଞା କରିଅଛନ୍ତି, ସେମାନଙ୍କ ମଧ୍ୟରୁ କେହି ତାହା ଦେଖିବ ନାହିଁ;
\v 24 ମାତ୍ର ଆମ୍ଭର ସେବକ କାଲେବଠାରେ ଅନ୍ୟ ଆତ୍ମା ଅଛି ଓ ସେ ସମ୍ପୂର୍ଣ୍ଣ ରୂପେ ଆମ୍ଭର ଅନୁଗତ ହୋଇଅଛି, ଏଥିପାଇଁ ସେ ଯେଉଁ ଦେଶକୁ ଯାଇଥିଲା, ସେହି ଦେଶରେ ଆମ୍ଭେ ତାହାକୁ ପ୍ରବେଶ କରାଇବା ଓ ତାହାର ବଂଶ ତାହା ଅଧିକାର କରିବେ।
\v 25 ବର୍ତ୍ତମାନ ଅମାଲେକୀୟ ଓ କିଣାନୀୟମାନେ ତଳଭୂମିରେ ବାସ କରନ୍ତି; କାଲି ତୁମ୍ଭେମାନେ ଫେରି ସୂଫ ସାଗରକୁ ଯିବା ପଥ ଦେଇ ପ୍ରାନ୍ତରକୁ ଗମନ କର।”
\s5
\v 26 ଏଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ ଓ ହାରୋଣଙ୍କୁ କହିଲେ,
\v 27 “ଆମ୍ଭ ବିରୁଦ୍ଧରେ ବଚସା କରୁଅଛି, ଏହି ଯେଉଁ ଦୁଷ୍ଟ ମଣ୍ଡଳୀ, ତାହାକୁ ଆମ୍ଭେ କେତେ କାଳ ସହିବା ? ଇସ୍ରାଏଲ ସନ୍ତାନଗଣ ଆମ୍ଭ ପ୍ରତିକୂଳରେ ଯେଉଁ ବଚସା କରୁଅଛନ୍ତି, ତାହା ଆମ୍ଭେ ଶୁଣିଅଛୁ।
\s5
\v 28 ସେମାନଙ୍କୁ କୁହ, ସଦାପ୍ରଭୁ ଏହି କଥା କହନ୍ତି, “ଆମ୍ଭେ ଯଦି ଜୀବିତ ହେଉ, ତେବେ ତୁମ୍ଭେମାନେ ଆମ୍ଭ କର୍ଣ୍ଣଗୋଚରରେ ଯାହା କହିଅଛ, ତାହା ହିଁ ଆମ୍ଭେ ତୁମ୍ଭମାନଙ୍କ ପ୍ରତି କରିବା।
\v 29 ତୁମ୍ଭମାନଙ୍କର ଶବ ଏହି ପ୍ରାନ୍ତରରେ ପଡ଼ିବ; ତୁମ୍ଭମାନଙ୍କ ମଧ୍ୟରେ କୋଡ଼ିଏ ବର୍ଷ ଓ ତହିଁରୁ ଅଧିକ ବର୍ଷ ବୟସ୍କ ଲୋକମାନଙ୍କର ସମ୍ପୂର୍ଣ୍ଣ ସଂଖ୍ୟାନୁସାରେ ଗଣିତ ଯେତେ ଲୋକ, ତୁମ୍ଭେମାନେ ଆମ୍ଭ ବିରୁଦ୍ଧରେ ବଚସା କରିଅଛ,
\v 30 ଆମ୍ଭେ ତୁମ୍ଭମାନଙ୍କୁ ଯେଉଁ ଦେଶରେ ବାସ କରାଇବାକୁ ପ୍ରତିଜ୍ଞା କରିଅଛୁ, ନିଶ୍ଚୟ ସେହି ଦେଶରେ ଯିଫୁନ୍ନିର ପୁତ୍ର କାଲେବ ଓ ନୂନର ପୁତ୍ର ଯିହୋଶୂୟଙ୍କ ବ୍ୟତୀତ ତୁମ୍ଭେମାନେ କେହି ପ୍ରବେଶ କରିବ ନାହିଁ।
\s5
\v 31 ମାତ୍ର ତୁମ୍ଭେମାନେ ଆପଣା ଆପଣାର ଯେଉଁ ବାଳକଗଣଙ୍କ ବିଷୟରେ ସେମାନେ ଲୁଟିତ ହେବେ ବୋଲି କହିଥିଲ, ସେମାନଙ୍କୁ ଆମ୍ଭେ ସେହି ସ୍ଥାନକୁ ଆଣିବା ଓ ତୁମ୍ଭେମାନେ ଯେଉଁ ଦେଶକୁ ତୁଚ୍ଛଜ୍ଞାନ କରିଅଛ, ସେମାନେ ତହିଁର ପରିଚୟ ପାଇବେ।
\v 32 ମାତ୍ର ତୁମ୍ଭମାନଙ୍କର ଶବ ଏହି ପ୍ରାନ୍ତରରେ ପଡ଼ିବ।
\v 33 ପୁଣି, ତୁମ୍ଭମାନଙ୍କ ସନ୍ତାନଗଣଙ୍କ ଚାଳିଶ ବର୍ଷ ଏହି ପ୍ରାନ୍ତରରେ ଭ୍ରମଣକାରୀ ହେବେ ଓ ଏହି ପ୍ରାନ୍ତରରେ ତୁମ୍ଭମାନଙ୍କ ଶବ ନଷ୍ଟ ନ ହେବା ପର୍ଯ୍ୟନ୍ତ ସେମାନେ ତୁମ୍ଭମାନଙ୍କ ବ୍ୟଭିଚାରର ଫଳ ଭୋଗ କରିବେ।
\s5
\v 34 ତୁମ୍ଭେମାନେ ଯେଉଁ ଚାଳିଶ ଦିନ ଦେଶ ଅନୁସନ୍ଧାନ କରିଅଛ, ସେହି ଦିନର ସଂଖ୍ୟାନୁସାରେ ଏକ ଏକ ଦିନ ପାଇଁ ଏକ ଏକ ବର୍ଷ, ଏରୂପେ ଚାଳିଶ ବର୍ଷ ପର୍ଯ୍ୟନ୍ତ ତୁମ୍ଭେମାନେ ଆପଣା ଆପଣା ଅପରାଧର ଦଣ୍ଡ ଭୋଗିବ ଓ ଆମ୍ଭର ବିପକ୍ଷତା କିପରି, ତାହା ଜ୍ଞାତ ହେବ।
\v 35 ଆମ୍ଭେ ସଦାପ୍ରଭୁ ଏହା କହିଅଛୁ, ଆମ୍ଭ ବିରୁଦ୍ଧରେ ଯେଉଁ ଦୁଷ୍ଟ ମଣ୍ଡଳୀ ଏକତ୍ରିତ ହୋଇଅଛି, ତାହା ପ୍ରତି ଆମ୍ଭେ ତାହା ନିଶ୍ଚୟ କରିବା, ପୁଣି, ସେମାନେ ଏହି ପ୍ରାନ୍ତରରେ ନଷ୍ଟ ହେବେ ଓ ଏହି ସ୍ଥାନରେ ସେମାନେ ମରିବେ।”
\s5
\v 36 ଆଉ ଦେଶ ଅନୁସନ୍ଧାନ କରିବା ପାଇଁ ମୋଶାଙ୍କର ପ୍ରେରିତ ଯେଉଁ ଲୋକମାନେ ଫେରି ଆସି ସେହି ଦେଶର ଅଖ୍ୟାତି ଆଣି ସଦାପ୍ରଭୁଙ୍କ ବିରୁଦ୍ଧରେ ସମସ୍ତ ମଣ୍ଡଳୀକୁ ବଚସା କରାଇଥିଲେ,
\v 37 ଦେଶର ଅଖ୍ୟାତିକାରୀ ସେହି ଲୋକମାନେ ସଦାପ୍ରଭୁଙ୍କ ସମ୍ମୁଖରେ ମହାମାରୀ ଦ୍ୱାରା ମଲେ।
\v 38 ମାତ୍ର ଯେଉଁ ମନୁଷ୍ୟମାନେ ଦେଶ ଅନୁସନ୍ଧାନ କରିବାକୁ ଯାଇଥିଲେ, ସେମାନଙ୍କ ମଧ୍ୟରୁ କେବଳ ନୂନର ପୁତ୍ର ଯିହୋଶୂୟ ଓ ଯିଫୁନ୍ନିର ପୁତ୍ର କାଲେବ ଜୀବିତ ରହିଲେ।
\s ଯୁଦ୍ଧରେ ଇସ୍ରାଏଲର ପରାଜୟ
\p
\s5
\v 39 ଆଉ ମୋଶା ଇସ୍ରାଏଲର ସମସ୍ତ ସନ୍ତାନଙ୍କୁ ଏହି କଥା କହିଲେ; ତହିଁରେ ଲୋକମାନେ ଅତିଶୟ ବିଳାପ କଲେ।
\v 40 ପୁଣି, ସେମାନେ ଅତି ପ୍ରାତଃକାଳରେ ଉଠି ପର୍ବତଶୃଙ୍ଗ ଉପରକୁ ଯିବାକୁ ବାହାରି କହିଲେ, “ଦେଖ, ଆମ୍ଭେମାନେ ପାପ କରିଅଛୁ , ତଥାପି ସଦାପ୍ରଭୁ ଯେଉଁ ସ୍ଥାନ ବିଷୟରେ ପ୍ରତିଜ୍ଞା କରିଅଛନ୍ତି, ସେହି ସ୍ଥାନକୁ ଯିବା ନିମନ୍ତେ; ଆମ୍ଭେମାନେ ଏଠାରେ ଅଛୁ।”
\s5
\v 41 ତହିଁରେ ମୋଶା କହିଲେ, “ଏବେ ତୁମ୍ଭେମାନେ କାହିଁକି ସଦାପ୍ରଭୁଙ୍କ ଆଜ୍ଞା-ଲଙ୍ଘନ କରୁଅଛ ? ତୁମ୍ଭମାନଙ୍କର ଏହି କର୍ମ ସଫଳ ହେବ ନାହିଁ।
\v 42 କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ମଧ୍ୟରେ ନାହାନ୍ତି; ଯେପରି ତୁମ୍ଭେମାନେ ଶତ୍ରୁଗଣର ସମ୍ମୁଖରେ ପରାସ୍ତ ହେବ ନାହିଁ, ଏଥିପାଇଁ ଉପରକୁ ଯାଅ ନାହିଁ।
\v 43 ଯେହେତୁ ଅମାଲେକୀୟ ଓ କିଣାନୀୟ ଲୋକମାନେ ସେଠାରେ ତୁମ୍ଭମାନଙ୍କ ସମ୍ମୁଖରେ ଅଛନ୍ତି ଓ ତୁମ୍ଭେମାନେ ଖଡ୍ଗରେ ପତିତ ହେବ; ତୁମ୍ଭେମାନେ ସଦାପ୍ରଭୁଙ୍କଠାରୁ ବିମୁଖ ହେବାରୁ ସଦାପ୍ରଭୁ ତୁମ୍ଭମାନଙ୍କର ସହବର୍ତ୍ତୀ ହେବେ ନାହିଁ।”
\s5
\v 44 ତଥାପି ସେମାନେ ପର୍ବତଶୃଙ୍ଗ ଉପରକୁ ଯିବାକୁ ଦୁଃସାହସ କଲେ; ମାତ୍ର ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ଓ ମୋଶା ଛାଉଣିରୁ ପ୍ରସ୍ଥାନ କଲେ ନାହିଁ।
\v 45 ସେତେବେଳେ ସେହି ପର୍ବତବାସୀ ଅମାଲେକୀୟ ଓ କିଣାନୀୟ ଲୋକମାନେ ଓହ୍ଲାଇ ଆସି ସେମାନଙ୍କୁ ଆଘାତ କଲେ ଓ ସେମାନଙ୍କୁ ପରାସ୍ତ କରି ହର୍ମା ପର୍ଯ୍ୟନ୍ତ ତଡ଼ି ଦେଲେ।
\s5
\c 15
\s ବଳିଦାନର ବିଧି
\p
\v 1 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
\v 2 “ଇସ୍ରାଏଲ ସନ୍ତାନଗଣକୁ କୁହ, ଆମ୍ଭେ ତୁମ୍ଭମାନଙ୍କୁ ଯେଉଁ ଦେଶ ଦେବା, ତୁମ୍ଭେମାନେ ଆପଣାମାନଙ୍କ ସେହି ନିବାସ ଦେଶରେ ଯେତେବେଳେ ପ୍ରବେଶ କରିବ,
\v 3 ପୁଣି, ତୁମ୍ଭମାନଙ୍କର ମାନତ ପୂର୍ଣ୍ଣ କରିବା ନିମନ୍ତେ, କିଅବା ସ୍ୱେଚ୍ଛାଦତ୍ତ ଉପହାର ନିମନ୍ତେ, କିଅବା ତୁମ୍ଭମାନଙ୍କ ନିରୂପିତ ପର୍ବରେ ଗୋମେଷାଦି ପଲରୁ ସଦାପ୍ରଭୁଙ୍କ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ରୂପେ ହୋମ ବା ବଳି ଉତ୍ସର୍ଗ କରିବ;
\s5
\v 4 ସେତେବେଳେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉପହାର ଉତ୍ସର୍ଗକାରୀ ଲୋକ ହୋମାଦି ବଳିଦାନାର୍ଥକ ପ୍ରତ୍ୟେକ ମେଷବତ୍ସ ନିମନ୍ତେ ଏକ ହିନର ଚତୁର୍ଥାଂଶ ତୈଳରେ ମିଶ୍ରିତ ଏକ ଐଫାର ଦଶମାଂଶ ସରୁ ମଇଦାର ନୈବେଦ୍ୟ ଆଣିବ,
\v 5 ପୁଣି, ଏକ ହିନର ଚତୁର୍ଥାଂଶ ଦ୍ରାକ୍ଷାରସର ପେୟ-ନୈବେଦ୍ୟ ପ୍ରସ୍ତୁତ କରିବ।
\s5
\v 6 ଅଥବା ଏକ ମେଷ ନିମନ୍ତେ, ତୁମ୍ଭେ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ହିନର ତୃତୀୟାଂଶ ତୈଳରେ ମିଶ୍ରିତ ଏକ ଐଫାର ଦୁଇ ଦଶମାଂଶ ସରୁ ମଇଦାର ନୈବେଦ୍ୟ ପ୍ରସ୍ତୁତ କରିବ,
\v 7 ପୁଣି, ତୁମ୍ଭେ ପେୟ ନୈବେଦ୍ୟ ନିମନ୍ତେ ଏକ ହିନର ତୃତୀୟାଂଶ ଦ୍ରାକ୍ଷାରସ ଉତ୍ସର୍ଗ କରିବ।
\s5
\v 8 ଆଉ ତୁମ୍ଭେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମ ନିମନ୍ତେ, ଅବା ମାନତ-ପୂର୍ଣ୍ଣକରଣାର୍ଥକ ବଳି ନିମନ୍ତେ, କିଅବା ମଙ୍ଗଳାର୍ଥକ ଉପହାର ନିମନ୍ତେ, ଯଦି ଗୋବତ୍ସ ପ୍ରସ୍ତୁତ କରିବ,
\v 9 ତେବେ ସେହି ଗୋବତ୍ସ ସହିତ ଅର୍ଦ୍ଧହୀନ୍ ତୈଳ ମିଶ୍ରିତ ଏକ ଐଫାର ତିନି ଦଶମାଂଶ ସରୁ ମଇଦାର ଭକ୍ଷ୍ୟ-ନୈବେଦ୍ୟ ଆଣିବ।
\v 10 ପୁଣି, ତୁମ୍ଭେ ସଦାପ୍ରଭୁଙ୍କ ତୁଷ୍ଟିଜନକ ଆଘ୍ରାଣାର୍ଥକ ଅଗ୍ନିକୃତ ଉପହାରର ପେୟ-ନୈବେଦ୍ୟ ନିମନ୍ତେ ଅର୍ଦ୍ଧହୀନ୍ ଦ୍ରାକ୍ଷାରସ ଆଣିବ।
\s5
\v 11 ଏହିରୂପେ ପ୍ରତ୍ୟେକ ଗୋରୁ, ପ୍ରତ୍ୟେକ ମେଷ ଓ ପ୍ରତ୍ୟେକ ମେଷବତ୍ସ ଅବା ଛାଗବତ୍ସ ପ୍ରତି କରାଯିବ।
\v 12 ତୁମ୍ଭେମାନେ ପ୍ରସ୍ତୁତ କରିବା ସଂଖ୍ୟାନୁସାରେ ପ୍ରତ୍ୟେକ ପଶୁ ପ୍ରତି ସେମାନଙ୍କ ସଂଖ୍ୟା ପ୍ରମାଣେ ସେରୂପ କରିବ।
\v 13 ଗୃହଜାତ ସମସ୍ତ ଲୋକ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତୁଷ୍ଟିଜନକ ଆଘ୍ରାଣାର୍ଥେ ଅଗ୍ନିକୃତ ଉପହାର ଉତ୍ସର୍ଗ କଲେ, ଏହି ବ୍ୟବସ୍ଥାନୁସାରେ ଏହିସବୁ କାର୍ଯ୍ୟ କରିବ।
\s5
\v 14 ଆଉ ଯଦି ତୁମ୍ଭମାନଙ୍କ ମଧ୍ୟରେ ପ୍ରବାସକାରୀ କୌଣସି ବିଦେଶୀୟ ଲୋକ କିଅବା ତୁମ୍ଭମାନଙ୍କ ମଧ୍ୟରେ ପୁରୁଷାନୁକ୍ରମେ ବାସକାରୀ କୌଣସି ଲୋକ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ଉତ୍ସର୍ଗ କରିବାକୁ ଇଚ୍ଛା କରେ, ତେବେ ତୁମ୍ଭେମାନେ ଯେ ପ୍ରକାର କର, ସେ ସେହି ପ୍ରକାର କରିବ।
\v 15 ସମାଜ ନିମନ୍ତେ, (ଅର୍ଥାତ୍‍) ତୁମ୍ଭମାନଙ୍କ ନିମନ୍ତେ ଓ ପ୍ରବାସକାରୀ ବିଦେଶୀ ଲୋକ ନିମନ୍ତେ ଏକ ବ୍ୟବସ୍ଥା ହେବ, ଏହା ତୁମ୍ଭମାନଙ୍କ ପୁରୁଷାନୁକ୍ରମେ ଅନନ୍ତକାଳୀନ ବିଧି; ସଦାପ୍ରଭୁଙ୍କ ଛାମୁରେ ଯେପରି ତୁମ୍ଭେମାନେ ଅଟ, ସେପରି ବିଦେଶୀ ଲୋକମାନେ ହେବେ।
\v 16 ତୁମ୍ଭମାନଙ୍କ ନିମନ୍ତେ ଓ ତୁମ୍ଭମାନଙ୍କ ମଧ୍ୟରେ ପ୍ରବାସକାରୀ ବିଦେଶୀ ନିମନ୍ତେ ଏକ ବ୍ୟବସ୍ଥା ଓ ଏକ ଆଦେଶ ହେବ।”
\s5
\v 17 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ଇସ୍ରାଏଲ ସନ୍ତାନଗଣଙ୍କୁ କୁହ,
\v 18 ଆମ୍ଭେ ତୁମ୍ଭମାନଙ୍କୁ ଯେଉଁ ଦେଶକୁ ନେଇ ଯାଉଅଛୁ, ସେହି ଦେଶରେ ଉପସ୍ଥିତ ହେଲେ ତୁମ୍ଭେମାନେ ଏରୂପ କରିବ,
\v 19 ତୁମ୍ଭେମାନେ ସେହି ଦେଶର ଅନ୍ନ ଭୋଜନ କରିବା ସମୟରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ତୋଳନୀୟ ଉପହାର ଉତ୍ସର୍ଗ କରିବ।
\s5
\v 20 ତୁମ୍ଭେମାନେ ଆପଣା ଆପଣା ପ୍ରଥମ ସୂଜିରୁ ଉତ୍ତୋଳନୀୟ ଉପହାର ନିମନ୍ତେ ଏକ ପିଠା ଉତ୍ସର୍ଗ କରିବ; ଯେପରି ଶସ୍ୟମର୍ଦ୍ଦନ ସ୍ଥାନର ଉତ୍ତୋଳନୀୟ ଉପହାର, ସେପରି ତାହା ଉତ୍ତୋଳନ କରିବ।
\v 21 ତୁମ୍ଭେମାନେ ପୁରୁଷାନୁକ୍ରମେ ଆପଣା ଆପଣା ପ୍ରଥମ ସୂଜିରୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ଉତ୍ତୋଳନୀୟ ଉପହାର ଉତ୍ସର୍ଗ କରିବ।
\s ଭ୍ରାନ୍ତିଜନକ ପାପ ସଂକ୍ରାନ୍ତୀୟ ବିଧି
\p
\s5
\v 22 ଆଉ ଯଦି ତୁମ୍ଭେମାନେ ଭ୍ରାନ୍ତିରେ ତ୍ରୁଟି କର ଓ ସଦାପ୍ରଭୁ ମୋଶାଙ୍କୁ ଯାହା କହିଅଛନ୍ତି, ସେହିସବୁ ଆଜ୍ଞା,
\v 23 ଅର୍ଥାତ୍‍, ସଦାପ୍ରଭୁ ଆଜ୍ଞା ଦେବା ଦିନାବଧି ତୁମ୍ଭମାନଙ୍କ ପୁରୁଷାନୁକ୍ରମେ ସଦାପ୍ରଭୁ ମୋଶାଙ୍କ ଦ୍ୱାରା ଯେଉଁ ସବୁ ଆଜ୍ଞା ଦେଇଅଛନ୍ତି, ତାହା ସବୁ ଯଦି ପାଳନ ନ କର;
\v 24 ଯଦି ତାହା ମଣ୍ଡଳୀର ଅଗୋଚରରେ ଭ୍ରାନ୍ତିରେ ହୋଇଥାଏ, ତେବେ ସମସ୍ତ ମଣ୍ଡଳୀ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମ ନିମନ୍ତେ ଏକ ଗୋବତ୍ସ ଓ ବିଧିମତେ ତାହା ସହିତ ତହିଁର ଭକ୍ଷ୍ୟ-ନୈବେଦ୍ୟ ଓ ତହିଁର ପେୟ-ନୈବେଦ୍ୟ ଓ ପାପାର୍ଥକ ବଳି ନିମନ୍ତେ ଏକ ଛାଗ ଉତ୍ସର୍ଗ କରିବେ।
\s5
\v 25 ଆଉ ଯାଜକ ଇସ୍ରାଏଲ ସନ୍ତାନଗଣର ସମସ୍ତ ମଣ୍ଡଳୀ ନିମନ୍ତେ ପ୍ରାୟଶ୍ଚିତ୍ତ କରିବ; ତହିଁରେ ସେମାନେ କ୍ଷମା ପାଇବେ, କାରଣ ତାହା ଭ୍ରାନ୍ତି ଓ ସେମାନେ ସେହି ଭ୍ରାନ୍ତି ସକାଶୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆପଣାମାନଙ୍କ ଉପହାର, ଅର୍ଥାତ୍‍, ଅଗ୍ନିକୃତ ଉପହାର ଓ ପାପାର୍ଥକ ବଳି ସଦାପ୍ରଭୁଙ୍କ ଛାମୁକୁ ଆଣିଅଛନ୍ତି।
\v 26 ତହିଁରେ ଇସ୍ରାଏଲ ସନ୍ତାନଗଣର ସମସ୍ତ ମଣ୍ଡଳୀ ଓ ସେମାନଙ୍କ ମଧ୍ୟରେ ପ୍ରବାସକାରୀ ବିଦେଶୀ ଲୋକମାନେ କ୍ଷମା ପାଇବେ; କାରଣ ସମସ୍ତ ଲୋକଙ୍କ ସମ୍ବନ୍ଧରେ ଏହା ଭ୍ରାନ୍ତିରେ କରାଯାଇଥିଲା।
\s5
\v 27 ଆଉ ଯଦି ଏକ ପ୍ରାଣୀ ଭ୍ରାନ୍ତିରେ ପାପ କରେ, ତେବେ ସେ ପାପାର୍ଥକ ବଳି ରୂପେ ଏକବର୍ଷୀୟ ଏକ ଛାଗବତ୍ସା ଆଣିବ।
\v 28 ପୁଣି, ଯେଉଁ ଲୋକ ଭ୍ରାନ୍ତିରେ ପାପ କରେ, ଯାଜକ ତାହା ପାଇଁ ସଦାପ୍ରଭୁଙ୍କ ସମ୍ମୁଖରେ ପ୍ରାୟଶ୍ଚିତ୍ତ କରଣାର୍ଥେ ସେହି ଭ୍ରାନ୍ତ ପ୍ରାଣୀ ନିମନ୍ତେ ପ୍ରାୟଶ୍ଚିତ୍ତ କରିବ; ତହିଁରେ ସେ କ୍ଷମା ପ୍ରାପ୍ତ ହେବ।
\v 29 ଇସ୍ରାଏଲ ସନ୍ତାନଗଣ ମଧ୍ୟରେ ଗୃହଜାତ ଓ ସେମାନଙ୍କ ମଧ୍ୟରେ ପ୍ରବାସକାରୀ ବିଦେଶୀୟ ଲୋକମାନଙ୍କ ନିମନ୍ତେ ଭ୍ରାନ୍ତିରେ କୌଣସି କର୍ମକାରୀର ଏକ ବ୍ୟବସ୍ଥା ହେବ।
\s5
\v 30 ମାତ୍ର ଯେଉଁ ପ୍ରାଣୀ ଉର୍ଦ୍ଧ୍ୱ ହସ୍ତରେ କୌଣସି (ପାପ) କର୍ମ କରେ, ସେ ଗୃହଜାତ ହେଉ ବା ବିଦେଶୀ ହେଉ, ସଦାପ୍ରଭୁଙ୍କର ନିନ୍ଦା କରେ; ଏଣୁ ସେହି ପ୍ରାଣୀ ଆପଣା ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେବ।
\v 31 କାରଣ ସେ ସଦାପ୍ରଭୁଙ୍କ ବାକ୍ୟ ଅବଜ୍ଞା କଲା ଓ ତାହାଙ୍କର ଆଜ୍ଞା-ଲଙ୍ଘନ କଲା; ସେହି ପ୍ରାଣୀ ନିତାନ୍ତ ଉଚ୍ଛିନ୍ନ ହେବ, ତାହାର ଅପରାଧ ତାହା ଉପରେ ବର୍ତ୍ତିବ।
\s ବିଶ୍ରାମବାର ଲଂଘନର ଦଣ୍ଡ
\p
\s5
\v 32 ଏଥିଉତ୍ତାରେ ଇସ୍ରାଏଲ ସନ୍ତାନଗଣ ପ୍ରାନ୍ତରରେ ଥିବା ସମୟରେ ଏକ ମନୁଷ୍ୟକୁ ବିଶ୍ରାମବାରରେ କାଠ ସାଉଣ୍ଟିବାର ଦେଖିଲେ।
\v 33 ପୁଣି, ଯେଉଁମାନେ ତାକୁ କାଠ ସାଉଣ୍ଟିବାର ଦେଖିଲେ, ସେମାନେ ମୋଶା, ହାରୋଣ ଓ ସମସ୍ତ ମଣ୍ଡଳୀ ସାକ୍ଷାତକୁ ତାହାକୁ ଆଣିଲେ।
\v 34 ଆଉ ସେମାନେ ତାହାକୁ ରୁଦ୍ଧ କରି ରଖିଲେ, କାରଣ ତାହା ପ୍ରତି କି କର୍ତ୍ତବ୍ୟ, ତାହା ପ୍ରକାଶ ହୋଇ ନ ଥିଲା।
\s5
\v 35 ଏଥିରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ସେ ମନୁଷ୍ୟ ଅବଶ୍ୟ ହତ ହେବ; ସମଗ୍ର ମଣ୍ଡଳୀ ତାହାକୁ ଛାଉଣିର ବାହାରେ ପଥର ପକାଇ ବଧ କରିବେ।”
\v 36 ତହିଁରେ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସମଗ୍ର ମଣ୍ଡଳୀ ତାହାକୁ ଛାଉଣି ବାହାରକୁ ଆଣି ପଥର ପକାଇଲେ, ତହୁଁ ସେ ମଲା।
\s ବସ୍ତ୍ରରେ ଝାଲର ବିଷୟକ ନିୟମ
\p
\s5
\v 37 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
\v 38 “ଇସ୍ରାଏଲ-ସନ୍ତାନଗଣଙ୍କୁ କୁହ ଓ ସେମାନଙ୍କୁ ଏହି ଆଜ୍ଞା ଦିଅ, ସେମାନେ ପୁରୁଷାନୁକ୍ରମେ ଆପଣା ଆପଣା ବସ୍ତ୍ରର ଅଞ୍ଚଳରେ ଝାଲର ପ୍ରସ୍ତୁତ କରନ୍ତୁ ଓ ପ୍ରତ୍ୟେକ ଅଞ୍ଚଳର ଝାଲର ଉପରେ ନୀଳ ସୂତ୍ର ଦିଅନ୍ତୁ;
\v 39 ତୁମ୍ଭେମାନେ ଯେପରି ସେହି ଝାଲର ଦେଖି ସଦାପ୍ରଭୁଙ୍କର ସମସ୍ତ ଆଜ୍ଞା ସ୍ମରଣ କରି ପାଳନ କରିବ ଓ ତୁମ୍ଭେମାନେ ଆପଣା ଆପଣାର ଯେଉଁ ମନ ଓ ଚକ୍ଷୁ ଅନୁସାରେ ବ୍ୟଭିଚାର କରିଥାଅ, ତଦନୁସାରେ ଯେପରି ଭ୍ରମଣ ନ କରିବ,
\s5
\v 40 ଆମ୍ଭର ସମସ୍ତ ଆଜ୍ଞା ସ୍ମରଣ କରି ପାଳନ କରିବ ଓ ଯେପରି ଆପଣାମାନଙ୍କ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ପବିତ୍ର ହେବ, ଏଥିପାଇଁ ସେହି ଝାଲର ହେବ।
\v 41 ତୁମ୍ଭମାନଙ୍କ ପରମେଶ୍ୱର ସଦାପ୍ରଭୁ, ଆମ୍ଭେ, ତୁମ୍ଭମାନଙ୍କର ପରମେଶ୍ୱର ହେବା ନିମନ୍ତେ ମିସର ଦେଶରୁ ତୁମ୍ଭମାନଙ୍କୁ ବାହାର କରି ଆଣିଅଛୁ; ଆମ୍ଭେ ତୁମ୍ଭମାନଙ୍କର ପରମେଶ୍ୱର ସଦାପ୍ରଭୁ ଅଟୁ।
\s5
\c 16
\s କୋରହ, ଦାଥନ ଓ ଅବୀରାମ୍‍ର ବିଦ୍ରୋହ
\p
\v 1 ଏଥିଉତ୍ତାରେ ଲେବୀର ପ୍ରପୌତ୍ର, କହାତର ପୌତ୍ର, ଯିଷ୍‍ହରର ପୁତ୍ର କୋରହ, ପୁଣି, ରୁବେନ୍‍ର ସନ୍ତାନଗଣ ମଧ୍ୟରୁ ଇଲୀୟାବ୍‍ର ପୁତ୍ର ଦାଥନ, ଅବୀରାମ୍ ଓ ପେଲତ୍‍ର ପୁତ୍ର ଓନ୍‍, ଦଳ ବାନ୍ଧିଲେ;
\v 2 ପୁଣି, ସେମାନେ ଇସ୍ରାଏଲ ସନ୍ତାନଗଣ ମଧ୍ୟରୁ ସୁଖ୍ୟାତିମନ୍ତ ଓ ସମାଜକୁ ଆହୂତ ମଣ୍ଡଳୀର ଦୁଇ ଶହ ପଚାଶ ଅଧିପତିଙ୍କ ସହିତ ମୋଶାଙ୍କ ବିରୁଦ୍ଧରେ ଉଠିଲେ।
\v 3 ଆଉ ସେମାନେ ମୋଶା ଓ ହାରୋଣଙ୍କ ବିରୁଦ୍ଧରେ ଏକତ୍ର ହୋଇ ସେମାନଙ୍କୁ କହିଲେ, “ତୁମ୍ଭେମାନେ ଆପଣାମାନଙ୍କ ଉପରେ ବହୁତ ନେଲଣି, ସମସ୍ତ ମଣ୍ଡଳୀର ପ୍ରତ୍ୟେକ ଜଣ ତ ପବିତ୍ର, ପୁଣି, ସଦାପ୍ରଭୁ ସେମାନଙ୍କ ମଧ୍ୟରେ ଅଛନ୍ତି, ତେବେ କାହିଁକି ତୁମ୍ଭେମାନେ ସଦାପ୍ରଭୁଙ୍କ ସମାଜ ଉପରେ ଆପଣାମାନଙ୍କୁ ଉନ୍ନତ କରୁଅଛ?”
\s5
\v 4 ତହୁଁ ମୋଶା ତାହା ଶୁଣି ମୁହଁମାଡ଼ି ପଡ଼ିଲେ;
\v 5 ପୁଣି, ସେ କୋରହକୁ ଓ ତାହାର ଦଳସ୍ଥ ସମସ୍ତଙ୍କୁ କହିଲେ, “କିଏ ତାହାଙ୍କର ଲୋକ ଓ କିଏ ପବିତ୍ର, ଏହା ସଦାପ୍ରଭୁ କାଲି ଦେଖାଇବେ, ପୁଣି, ସେ ତାହାକୁ ଆପଣା ନିକଟକୁ ଆଣିବେ; ସେ ଯାହାକୁ ମନୋନୀତ କରିବେ, ତାହାକୁ ଆପଣା ନିକଟକୁ ଆଣିବେ।
\s5
\v 6 ତେବେ ଏହା କର, ତୁମ୍ଭେମାନେ ଅଙ୍ଗାରଧାନୀ ନିଅ, କୋରହ ଓ ତାହାର ଦଳସ୍ଥ ସମସ୍ତେ;
\v 7 ପୁଣି, କାଲି ତହିଁରେ ଅଗ୍ନି ଦିଅ, ସଦାପ୍ରଭୁଙ୍କ ସମ୍ମୁଖରେ ତହିଁ ଉପରେ ଧୂପ ଥୁଅ; ତହିଁରେ ସଦାପ୍ରଭୁ ଯେଉଁ ବ୍ୟକ୍ତିକୁ ମନୋନୀତ କରିବେ, ସେ ହିଁ ପବିତ୍ର ହେବ; ହେ ଲେବୀର ପୁତ୍ରମାନେ, ତୁମ୍ଭେମାନେ ଆପଣାମାନଙ୍କ ଉପରେ ବହୁତ ନେଲଣି।”
\s5
\v 8 ଆଉ ମୋଶା କୋରହକୁ କହିଲେ, “ହେ ଲେବୀର ସନ୍ତାନଗଣ, ତୁମ୍ଭେମାନେ ଟିକିଏ ଶୁଣ।
\v 9 ଇସ୍ରାଏଲଙ୍କର ପରମେଶ୍ୱର ଯେ ତୁମ୍ଭମାନଙ୍କୁ ଇସ୍ରାଏଲ-ମଣ୍ଡଳୀରୁ ପୃଥକ୍ କରି ସଦାପ୍ରଭୁଙ୍କ ଆବାସର ସେବା କରିବା ନିମନ୍ତେ ଓ ମଣ୍ଡଳୀ ସମ୍ମୁଖରେ ଠିଆ ହୋଇ ସେବା କରିବା ନିମନ୍ତେ ଆପଣାର ନିକଟବର୍ତ୍ତୀ କରି ଅଛନ୍ତି,
\v 10 ପୁଣି, ସେ ଯେ ତୁମ୍ଭଙ୍କୁ ଓ ତୁମ୍ଭ ସହିତ ତୁମ୍ଭର ସମସ୍ତ ଭ୍ରାତା ଲେବୀର ସନ୍ତାନଗଣକୁ ଆପଣାର ନିକଟବର୍ତ୍ତୀ କରିଅଛନ୍ତି, ଏହା କି ତୁମ୍ଭମାନଙ୍କ ଦୃଷ୍ଟିରେ କ୍ଷୁଦ୍ର ବିଷୟ ? ଆହୁରି କି ତୁମ୍ଭେମାନେ ଯାଜକତ୍ୱର ଚେଷ୍ଟା କରୁଅଛ ?
\v 11 ଏଥିପାଇଁ ସିନା ତୁମ୍ଭେ ଓ ତୁମ୍ଭର ଦଳସ୍ଥ ସମସ୍ତେ ସଦାପ୍ରଭୁଙ୍କ ବିରୁଦ୍ଧରେ ଏକମେଳି ହୋଇଅଛ; ଯେହେତୁ ହାରୋଣ କିଏ ଯେ, ତୁମ୍ଭେମାନେ ତାଙ୍କର ବିରୁଦ୍ଧରେ ବଚସା କରୁଅଛ ?
\s5
\v 12 ତହିଁରେ ମୋଶା ଇଲୀୟାବ୍‍ର ପୁତ୍ର ଦାଥନକୁ ଓ ଅବୀରାମ୍‍କୁ ଡାକିବା ପାଇଁ ଲୋକ ପଠାଇଲେ; ମାତ୍ର ସେମାନେ କହିଲେ, “ଆମ୍ଭେମାନେ ଯିବା ନାହିଁ।
\v 13 ତୁମ୍ଭେ ଆମ୍ଭମାନଙ୍କୁ ଦୁଗ୍ଧ ଓ ମଧୁ ପ୍ରବାହୀ ଦେଶରୁ ବାହାର କରି ଏହି ପ୍ରାନ୍ତରରେ ମାରିବାକୁ ଆଣିଅଛ, ଏହା କି କ୍ଷୁଦ୍ର ବିଷୟ ? ଆହୁରି ତୁମ୍ଭେ ଆପଣାକୁ ଆମ୍ଭମାନଙ୍କ ଉପରେ ରାଜା କରୁଅଛ।
\v 14 ତାହା ବ୍ୟତୀତ ତୁମ୍ଭେ ଦୁଗ୍ଧ ଓ ମଧୁ ପ୍ରବାହୀ ଦେଶକୁ ଆମ୍ଭମାନଙ୍କୁ ଆଣି ନାହଁ, କିଅବା ଶସ୍ୟକ୍ଷେତ୍ର ଓ ଦ୍ରାକ୍ଷାକ୍ଷେତ୍ରର ଅଧିକାର ଆମ୍ଭମାନଙ୍କୁ ଦେଇ ନାହିଁ; ତୁମ୍ଭେ କି ଏହି ସମସ୍ତ ଲୋକଙ୍କର ଆଖି ଉପାଡ଼ି ପକାଇବ
\f +
\fr 16:14
\ft ଏହାର ଅର୍ଥ ଲୋକମାନଙ୍କୁ ପ୍ରବଞ୍ଚନା କରିବ ?
\f* ? ଆମ୍ଭେମାନେ ଯିବା ନାହିଁ।”
\s5
\v 15 ତହିଁରେ ମୋଶା ଅତିଶୟ କ୍ରୋଧାନ୍ୱିତ ହୋଇ ଉଠିଲେ, ପୁଣି, ସେ ସଦାପ୍ରଭୁଙ୍କୁ କହିଲେ, “ତୁମ୍ଭେ ସେମାନଙ୍କର ନୈବେଦ୍ୟ ଗ୍ରହଣ କର ନାହିଁ; ଆମ୍ଭେ ସେମାନଙ୍କଠାରୁ ଗୋଟିଏ ଗଧ ନେଇ ନାହୁଁ, ଅବା ସେମାନଙ୍କ ମଧ୍ୟରୁ କାହାକୁ ହିଁ ହିଂସା କରି ନାହୁଁ।”
\v 16 ତେବେ ମୋଶା କୋରହକୁ କହିଲେ, “କାଲି ତୁମ୍ଭେ ଓ ତୁମ୍ଭର ସମସ୍ତ ମଣ୍ଡଳୀ, ତୁମ୍ଭେ ଓ ସେମାନେ, ପୁଣି, ହାରୋଣ, ସଦାପ୍ରଭୁଙ୍କ ସମ୍ମୁଖରେ ଉପସ୍ଥିତ ହୁଅ;
\v 17 ତୁମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା ଅଙ୍ଗାରଧାନୀ ନିଅ ଓ ତହିଁ ଉପରେ ଧୂପ ଥୁଅ, ପୁଣି, ତୁମ୍ଭେମାନେ ପ୍ରତ୍ୟେକ ଜଣ ସଦାପ୍ରଭୁଙ୍କ ସମ୍ମୁଖକୁ ଆପଣା ଆପଣା ଅଙ୍ଗାରଧାନୀ, ଦୁଇ ଶହ ପଚାଶ ଅଙ୍ଗାରଧାନୀ ଆଣ; ମଧ୍ୟ ତୁମ୍ଭେ ଓ ହାରୋଣ, ଦୁହେଁ ଆପଣା ଆପଣା ଅଙ୍ଗାରଧାନୀ ଆଣ।
\s5
\v 18 ଏଥିରେ ସେମାନେ ପ୍ରତ୍ୟେକେ ଆପଣା ଆପଣା ଅଙ୍ଗାରଧାନୀ ନେଇ ତହିଁରେ ଅଗ୍ନି ଦେଲେ, ପୁଣି, ତହିଁ ଉପରେ ଧୂପ ଥୋଇ ମୋଶା ଓ ହାରୋଣଙ୍କ ସହିତ ସମାଗମ-ତମ୍ବୁ ଦ୍ୱାର ନିକଟରେ ଠିଆ ହେଲେ।
\v 19 ପୁଣି, କୋରହ ସମାଗମ-ତମ୍ବୁ ଦ୍ୱାର ନିକଟରେ ସେମାନଙ୍କ ପ୍ରତିକୂଳରେ ସମସ୍ତ ମଣ୍ଡଳୀକୁ ଏକତ୍ର କଲା; ସେତେବେଳେ ସମସ୍ତ ମଣ୍ଡଳୀ ପ୍ରତି ସଦାପ୍ରଭୁଙ୍କ ପ୍ରତାପ ପ୍ରକାଶିତ ହେଲା।
\s5
\v 20 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ ଓ ହାରୋଣଙ୍କୁ କହିଲେ,
\v 21 “ତୁମ୍ଭେମାନେ ଏହି ମଣ୍ଡଳୀ ମଧ୍ୟରୁ ଆପଣାମାନଙ୍କୁ ପୃଥକ୍ କର, ତହିଁରେ ଆମ୍ଭେ ଏକ ନିମିଷରେ ସେମାନଙ୍କୁ ସଂହାର କରିବା।”
\v 22 ତହିଁରେ ସେମାନେ ମୁହଁ ମାଡ଼ି ପଡ଼ି କହିଲେ, “ହେ ପରମେଶ୍ୱର, ହେ ସମସ୍ତ ଶରୀରସ୍ଥ ଆତ୍ମାର ପରମେଶ୍ୱର, ଏକ ଜଣ ପାପ କଲେ କି ତୁମ୍ଭେ ସମସ୍ତ ମଣ୍ଡଳୀ ଉପରେ କୋପାନ୍ୱିତ ହେବ ?”
\s5
\v 23 ତହୁଁ ସଦାପ୍ରଭୁ ମୋଶାଙ୍କୁ କହିଲେ,
\v 24 “ତୁମ୍ଭେ ମଣ୍ଡଳୀକୁ କୁହ, ତୁମ୍ଭେମାନେ କୋରହର, ଦାଥନର ଓ ଅବୀରାମ୍‍ର ଆବାସ-ଚତୁର୍ଦ୍ଦିଗରୁ ଉଠି ଯାଅ।”
\s5
\v 25 ତହିଁରେ ମୋଶା ଉଠି ଦାଥନ ଓ ଅବୀରାମ୍ ନିକଟକୁ ଗଲେ ଓ ଇସ୍ରାଏଲର ପ୍ରାଚୀନବର୍ଗ ତାଙ୍କର ପଶ୍ଚାଦ୍‍ଗମନ କଲେ।
\v 26 ତହୁଁ ସେ ମଣ୍ଡଳୀକୁ କହିଲେ, “ବିନୟ କରୁଅଛି, ତୁମ୍ଭେମାନେ ଏହି ଦୁଷ୍ଟ ଲୋକମାନଙ୍କ ତମ୍ବୁରୁ ଉଠି ଯାଅ ଓ ସେମାନଙ୍କର କିଛିମାତ୍ର ସ୍ପର୍ଶ କର ନାହିଁ, ନୋହିଲେ ତୁମ୍ଭେମାନେ ସେମାନଙ୍କ ପାପସମୂହରେ ବିନଷ୍ଟ ହେବ।”
\v 27 ଏଥିରେ ସେମାନେ କୋରହର, ଦାଥନର ଓ ଅବୀରାମ୍‍ର ଆବାସ-ଚତୁର୍ଦ୍ଦିଗରୁ ଉଠିଗଲେ ପୁଣି, ଦାଥନ ଓ ଅବୀରାମ୍ ବାହାରକୁ ଆସି ଆପଣା ଆପଣା ଭାର୍ଯ୍ୟା ଓ ପୁତ୍ର ଓ ପିଲାମାନଙ୍କ ସହିତ ଆପଣା ଆପଣା ତମ୍ବୁଦ୍ୱାରରେ ଠିଆ ହୋଇ ରହିଲେ।
\s5
\v 28 ତହୁଁ ମୋଶା କହିଲେ, “ଏହି ସମସ୍ତ କାର୍ଯ୍ୟ କରିବା ପାଇଁ ସଦାପ୍ରଭୁ ମୋତେ ପଠାଇଅଛନ୍ତି; ମୁଁ ଆପଣା ନିଜ ମନରୁ ତାହା ସବୁ କରି ନାହିଁ, ତାହା ଏଥିରେ ତୁମ୍ଭେମାନେ ଜାଣିବ।”
\v 29 ଯଦି ଏହି ଲୋକମାନେ ସମସ୍ତ ଲୋକଙ୍କ ସାଧାରଣ ମରଣରେ ମରନ୍ତି, କିଅବା ଯଦି ସମସ୍ତ ଲୋକଙ୍କ ଦଣ୍ଡ ଅନୁସାରେ ସେମାନଙ୍କ ଉପରେ ଦଣ୍ଡ ଘଟେ; ତେବେ ସଦାପ୍ରଭୁ ମୋତେ ପଠାଇ ନାହାନ୍ତି।
\v 30 ମାତ୍ର ସଦାପ୍ରଭୁ ଯଦି କୌଣସି ନୂତନ କର୍ମ କରନ୍ତି ଓ ପୃଥିବୀ ଆପଣା ମୁଖ ବିସ୍ତାର କରି ସେମାନଙ୍କୁ ଓ ସେମାନଙ୍କ ସର୍ବସ୍ୱ ଗ୍ରାସ କରେ ଓ ସେମାନେ ଜୀଅନ୍ତା ହୋଇ ପାତାଳକୁ ଧସି ଯାଆନ୍ତି; ତେବେ ସେମାନେ ଯେ ସଦାପ୍ରଭୁଙ୍କୁ ଅବଜ୍ଞା କରିଅଛନ୍ତି, ତାହା ତୁମ୍ଭେମାନେ ବୁଝିବ।
\s5
\v 31 ଏଥିଉତ୍ତାରେ ଏପରି ହେଲା ଯେ, ସେ ଏହି କଥା କହିବାର ସମାପ୍ତ କରନ୍ତେ, ସେମାନଙ୍କ ଅଧଃସ୍ଥ ଭୂମି ଫାଟିଗଲା;
\v 32 ପୁଣି, ପୃଥିବୀ ଆପଣା ମୁଖ ବିସ୍ତାର କରି ସେମାନଙ୍କୁ, ସେମାନଙ୍କ ପରିଜନଗଣକୁ, କୋରହର ସପକ୍ଷ ସମସ୍ତ ଲୋକଙ୍କୁ ଓ ସେମାନଙ୍କ ସକଳ ସମ୍ପତ୍ତି ଗ୍ରାସ କଲା।
\s5
\v 33 ଏହିରୂପେ ସେମାନେ ଓ ସେମାନଙ୍କର ସମସ୍ତ ପରିଜନ ଜୀଅନ୍ତା ଥାଉ ଥାଉ ପାତାଳକୁ ଧସି ଗଲେ ଓ ପୃଥିବୀ ସେମାନଙ୍କ ଉପରେ ଆଚ୍ଛାଦନ କଲା, ତହିଁରେ ସେମାନେ ସମାଜ ମଧ୍ୟରୁ ଲୁପ୍ତ ହେଲେ।
\v 34 ପୁଣି, ସେମାନଙ୍କ ରବରେ ସେମାନଙ୍କ ଚତୁର୍ଦ୍ଦିଗସ୍ଥ ସମସ୍ତ ଇସ୍ରାଏଲ ପଳାୟନ କଲେ, ଯେହେତୁ ସେମାନେ କହିଲେ, କେଜାଣି ପୃଥିବୀ ଆମ୍ଭମାନଙ୍କୁ ଗ୍ରାସ କରିବ।
\v 35 ଏଉତ୍ତାରେ ସଦାପ୍ରଭୁଙ୍କଠାରୁ ଅଗ୍ନି ନିର୍ଗତ ହୋଇ ଧୂପ ଉତ୍ସର୍ଗକାରୀ ସେହି ଦୁଇ ଶହ ପଚାଶ ଲୋକଙ୍କୁ ଗ୍ରାସ କଲା।
\s5
\v 36 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
\v 37 “ତୁମ୍ଭେ ହାରୋଣ ଯାଜକର ପୁତ୍ର ଇଲୀୟାସରକୁ କୁହ, ସେ ଦାହ ମଧ୍ୟରୁ ସେହିସବୁ ଅଙ୍ଗାରଧାନୀ ବାହାର କରି ନେଉ, ପୁଣି, ତୁମ୍ଭେ ସେହି ଅଗ୍ନି ସେଠାରେ ବିଞ୍ଚି ଦିଅ; କାରଣ ସେହିସବୁ ପବିତ୍ର;
\v 38 ଆପଣା ଆପଣା ପ୍ରାଣର ବିରୁଦ୍ଧରେ ଏହି ପାପ- କର୍ମକାରୀମାନଙ୍କର ଅଙ୍ଗାରଧାନୀ ହିଁ (ପବିତ୍ର); ଏଣୁ ତାହା ସବୁ ଯଜ୍ଞବେଦିର ମଣ୍ଡଣି ନିମନ୍ତେ ପିଟାପାତ୍ର କରାଯାଉ; ସେମାନେ ସଦାପ୍ରଭୁଙ୍କ ସମ୍ମୁଖରେ ତାହାସବୁ ଉତ୍ସର୍ଗ କରିଥିଲେ, ଏହି କାରଣରୁ ତାହାସବୁ ପବିତ୍ର; ପୁଣି, ତାହାସବୁ ଇସ୍ରାଏଲ ସନ୍ତାନଗଣ ପ୍ରତି ଚିହ୍ନ ସ୍ୱରୂପ ହେବ।”
\s5
\v 39 ତହିଁରେ ସେହି ଦଗ୍ଧ ଲୋକମାନେ ଯେଉଁ ଯେଉଁ ପିତ୍ତଳ ଅଙ୍ଗାରଧାନୀ ଉତ୍ସର୍ଗ କରିଥିଲେ, ଇଲୀୟାସର ଯାଜକ ସେହିସବୁ ନେଲା;
\v 40 ମୋଶାଙ୍କ ଦ୍ୱାରା ସଦାପ୍ରଭୁ ଯେରୂପ କହିଥିଲେ, ତଦନୁସାରେ ଇସ୍ରାଏଲ ସନ୍ତାନଗଣର ସ୍ମରଣାର୍ଥେ, ଅର୍ଥାତ୍‍, ହାରୋଣ ବଂଶ ଭିନ୍ନ ଅନ୍ୟ ବଂଶୀୟ କୌଣସି ମନୁଷ୍ୟ ସଦାପ୍ରଭୁଙ୍କ ସମ୍ମୁଖରେ ଧୂପ ଜାଳିବା ପାଇଁ ଯେପରି ନିକଟକୁ ନ ଯାଏ; ପୁଣି, କୋରହ ଓ ତାହାର ଦଳସ୍ଥ ଲୋକମାନଙ୍କ ପରି ନ ହୁଏ; ଏଥିପାଇଁ ଲୋକେ ଯଜ୍ଞବେଦିର ମଣ୍ଡଣି ନିମନ୍ତେ ତାହାସବୁ ପିଟିଲେ।
\s5
\v 41 ତଥାପି ଆରଦିନ ଇସ୍ରାଏଲ ସନ୍ତାନଗଣର ସମସ୍ତ ମଣ୍ଡଳୀ ମୋଶାଙ୍କ ବିରୁଦ୍ଧରେ ଓ ହାରୋଣଙ୍କ ବିରୁଦ୍ଧରେ ବଚସା କରି କହିଲେ, “ତୁମ୍ଭେମାନେ ସଦାପ୍ରଭୁଙ୍କ ଲୋକମାନଙ୍କୁ ବଧ କଲ।”
\v 42 ତହୁଁ ସମସ୍ତ ମଣ୍ଡଳୀ ମୋଶାଙ୍କ ବିରୁଦ୍ଧରେ ଓ ହାରୋଣଙ୍କ ବିରୁଦ୍ଧରେ ଏକତ୍ର ହେବା ସମୟରେ ସେମାନେ ସମାଗମ-ତମ୍ବୁ ଆଡ଼େ ଅନାଇଲେ; ଆଉ ଦେଖ, ମେଘ ତାହା ଆଚ୍ଛାଦନ କରିଅଛି ଓ ସଦାପ୍ରଭୁଙ୍କ ପ୍ରତାପ ପ୍ରତ୍ୟକ୍ଷ ହୋଇଅଛି।
\v 43 ସେତେବେଳେ ମୋଶା ଓ ହାରୋଣ ସମାଗମ-ତମ୍ବୁ ସମ୍ମୁଖକୁ ଆସିଲେ।
\s5
\v 44 ତହିଁରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
\v 45 “ତୁମ୍ଭେମାନେ ଏହି ମଣ୍ଡଳୀ ମଧ୍ୟରୁ ଉଠିଯାଅ, ଆମ୍ଭେ ଏକ ନିମିଷରେ ସେମାନଙ୍କୁ ସଂହାର କରିବା; ଏଥିରେ ସେମାନେ ମୁହଁମାଡ଼ି ପଡ଼ିଲେ।”
\v 46 ତହୁଁ ମୋଶା ହାରୋଣଙ୍କୁ କହିଲେ, “ତୁମ୍ଭେ ଆପଣା ଅଙ୍ଗାରଧାନୀ ନେଇ ତହିଁ ମଧ୍ୟରେ ଯଜ୍ଞବେଦିରୁ ଅଗ୍ନି ଦିଅ, ପୁଣି, ତହିଁ ଉପରେ ଧୂପ ଥୋଇ ଶୀଘ୍ର ମଣ୍ଡଳୀ ନିକଟକୁ ଯାଇ ସେମାନଙ୍କ ନିମନ୍ତେ ପ୍ରାୟଶ୍ଚିତ୍ତ କର; କାରଣ ସଦାପ୍ରଭୁଙ୍କଠାରୁ କ୍ରୋଧ ନିର୍ଗତ ହୋଇଅଛି; ମହାମାରୀ ଆରମ୍ଭ ହେଲାଣି।”
\s5
\v 47 ତହିଁରେ ହାରୋଣ ମୋଶାଙ୍କର କଥା ଅନୁସାରେ ତାହା ନେଇ ସମାଜ ମଧ୍ୟକୁ ଦୌଡ଼ି ଗଲେ; ସେହି ସମୟରେ ଦେଖ, ଲୋକମାନଙ୍କ ମଧ୍ୟରେ ମହାମାରୀ ଆରମ୍ଭ ହୋଇଥିଲା; ତହିଁରେ ସେ ଧୂପ ଦେଇ ଲୋକମାନଙ୍କ ନିମନ୍ତେ ପ୍ରାୟଶ୍ଚିତ୍ତ କଲେ।
\v 48 ପୁଣି, ସେ ମୃତ ଓ ଜୀବିତ ଲୋକମାନଙ୍କ ମଧ୍ୟରେ ଠିଆ ହେଲେ ତହିଁରେ ମହାମାରୀ ନିବୃତ୍ତ ହେଲା।
\s5
\v 49 ଯେଉଁମାନେ କୋରହର କଥା ସକାଶୁ ମରିଥିଲେ, ସେମାନଙ୍କ ବ୍ୟତୀତ ଚଉଦ ହଜାର ସାତ ଶହ ଲୋକ ଏହି ମହାମାରୀରେ ମଲେ।
\v 50 ପୁଣି, ମହାମାରୀ ନିବୃତ୍ତ ହୁଅନ୍ତେ, ହାରୋଣ ସମାଗମ-ତମ୍ବୁ ଦ୍ୱାରରେ ମୋଶାଙ୍କ ନିକଟକୁ ଫେରି ଆସିଲେ।
\s5
\c 17
\s ହାରୋଣଙ୍କ ଅଙ୍କୁରିତ ଯଷ୍ଟି
\p
\v 1 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
\v 2 “ତୁମ୍ଭେ ଇସ୍ରାଏଲ ସନ୍ତାନଗଣକୁ କଥା କୁହ, ସେମାନଙ୍କ ପିତୃଗୃହର ଅଧ୍ୟକ୍ଷମାନଙ୍କଠାରୁ ପ୍ରତ୍ୟେକ ପିତୃଗୃହ ନିମନ୍ତେ ଏକ ଏକ ଯଷ୍ଟି, ଏହିରୂପେ ବାର ଯଷ୍ଟି ଗ୍ରହଣ କର; ତୁମ୍ଭେ ପ୍ରତ୍ୟେକର ଯଷ୍ଟିରେ ପ୍ରତ୍ୟେକ ଲୋକର ନାମ ଲେଖ।
\s5
\v 3 ପୁଣି, ତୁମ୍ଭେ ଲେବୀର ଯଷ୍ଟିରେ ହାରୋଣର ନାମ ଲେଖିବ; କାରଣ ସେମାନଙ୍କ ପ୍ରତ୍ୟେକ ପିତୃଗୃହର ଅଧ୍ୟକ୍ଷ ନିମନ୍ତେ ଏକ ଏକ ଯଷ୍ଟି ହେବ।
\v 4 ଆଉ ସମାଗମ-ତମ୍ବୁର ଯେଉଁ ସ୍ଥାନରେ ଆମ୍ଭେ ତୁମ୍ଭମାନଙ୍କ ସହିତ ସାକ୍ଷାତ କରୁ, ସେହି ସ୍ଥାନରେ ସାକ୍ଷ୍ୟ-ସିନ୍ଦୁକ ସମ୍ମୁଖରେ ତୁମ୍ଭେ ସେହିସବୁ ରଖିବ।
\v 5 ଏହା କଲା ଉତ୍ତାରେ, ଆମ୍ଭେ ଯେଉଁ ବ୍ୟକ୍ତିକୁ ମନୋନୀତ କରିବା, ତାହାର ଯଷ୍ଟି ପୁଷ୍ପିତ ହେବ; ତହିଁରେ ଇସ୍ରାଏଲ ସନ୍ତାନଗଣ ତୁମ୍ଭମାନଙ୍କ ବିରୁଦ୍ଧରେ ଯେଉଁ ବଚସା କରନ୍ତି, ସେହି ବଚସା ଆମ୍ଭେ ଆପଣା ନିକଟରୁ ନିବୃତ୍ତ କରାଇବା।”
\s5
\v 6 ଏଥିରେ ମୋଶା ଇସ୍ରାଏଲ ସନ୍ତାନଗଣକୁ କହନ୍ତେ, ସେମାନଙ୍କର ଅଧ୍ୟକ୍ଷ ସମସ୍ତେ ଆପଣା ଆପଣା ପିତୃଗୃହ ଅନୁସାରେ ପ୍ରତ୍ୟେକ ଅଧ୍ୟକ୍ଷ ନିମନ୍ତେ ଏକ ଏକ ଯଷ୍ଟି, ଏହିରୂପେ ବାର ଯଷ୍ଟି ତାଙ୍କୁ ଦେଲେ; ପୁଣି, ହାରୋଣଙ୍କର ଯଷ୍ଟି ସେମାନଙ୍କ ଯଷ୍ଟିସକଳର ମଧ୍ୟରେ ଥିଲା।
\v 7 ତହୁଁ ମୋଶା ସାକ୍ଷ୍ୟତମ୍ବୁରେ ସଦାପ୍ରଭୁଙ୍କ ସମ୍ମୁଖରେ ସେହି ସମସ୍ତ ଯଷ୍ଟି ରଖିଲେ।
\s5
\v 8 ଏଥିଉତ୍ତାରେ ଆର ଦିନ ମୋଶା ସାକ୍ଷ୍ୟତମ୍ବୁରେ ପ୍ରବେଶ କଲେ; ଆଉ ଦେଖ, ଲେବୀ ଗୃହ ନିମନ୍ତେ ଥିବା ହାରୋଣଙ୍କର ଯଷ୍ଟି ଅଙ୍କୁରିତ ହୋଇଅଛି, ପୁଣି, ଅଙ୍କୁର ବାହାର ହେଲା, ପୁଷ୍ପ ଫୁଟିଲା ଓ ପକ୍ୱ ବାଦାମ ଫଳିଲା।
\v 9 ତେବେ ମୋଶା ସଦାପ୍ରଭୁଙ୍କ ସମ୍ମୁଖରୁ ସେହି ସକଳ ଯଷ୍ଟି ବାହାର କରି ଇସ୍ରାଏଲର ସମସ୍ତ ସନ୍ତାନଗଣର ସାକ୍ଷାତକୁ ଆଣିଲେ; ପୁଣି, ସେମାନେ ତାହା ଦେଖି ପ୍ରତ୍ୟେକେ ଆପଣା ଆପଣା ଯଷ୍ଟି ନେଲେ।
\s5
\v 10 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ଆମ୍ଭ ବିରୁଦ୍ଧରେ ଏହି ବିଦ୍ରୋହୀ ସନ୍ତାନଗଣର ବଚସା ଯେପରି ନିବୃତ୍ତ ହୁଏ ଓ ସେମାନଙ୍କର ମୃତ୍ୟୁୁ ନ ହୁଏ, ଏଥିପାଇଁ ସେମାନଙ୍କ ବିରୁଦ୍ଧରେ ଚିହ୍ନ ସ୍ୱରୂପେ ରଖାଯିବା ନିମନ୍ତେ ତୁମ୍ଭେ ହାରୋଣଙ୍କ-ଯଷ୍ଟି ସାକ୍ଷ୍ୟ-ସିନ୍ଦୁକ ସମ୍ମୁଖରେ ରଖ।”
\v 11 ମୋଶା ସେରୂପ କଲେ; ସଦାପ୍ରଭୁ ତାଙ୍କୁ ଯେପରି ଆଜ୍ଞା ଦେଲେ, ସେ ସେହିପରି କଲେ।
\s5
\v 12 ଏଥିଉତ୍ତାରେ ଇସ୍ରାଏଲ ସନ୍ତାନଗଣ ମୋଶାଙ୍କୁ କହିଲେ, “ଦେଖ, ଆମ୍ଭମାନଙ୍କର ପ୍ରାଣ ଯାଉଛି, ଆମ୍ଭେମାନେ ଉଚ୍ଛିନ୍ନ ହେଉ, ଆମ୍ଭେ ସମସ୍ତେ ଉଚ୍ଛିନ୍ନ ହେଉ।
\v 13 ଯେକେହି ନିକଟକୁ ଆସୁଅଛି, ଅର୍ଥାତ୍‍, ସଦାପ୍ରଭୁଙ୍କ ଆବାସ ନିକଟକୁ ଆସୁଅଛି, ସେ ମରୁଅଛି; ଆମ୍ଭେ ସମସ୍ତେ କି ପ୍ରାଣ ଛାଡ଼ି ଉଚ୍ଛିନ୍ନ ହେବା ?”
\s5
\c 18
\s ଲେବୀ ଓ ଯାଜକଙ୍କ କାର୍ଯ୍ୟ
\p
\v 1 ଏଥିଉତ୍ତାରେ ସଦାପ୍ରଭୁ ହାରୋଣଙ୍କୁ କହିଲେ, “ତୁମ୍ଭେ ଓ ତୁମ୍ଭ ସହିତ ତୁମ୍ଭ ପୁତ୍ରଗଣ ଓ ତୁମ୍ଭର ପିତୃବଂଶ, ତୁମ୍ଭେମାନେ ପବିତ୍ର ସ୍ଥାନଘଟିତ ଅପରାଧ ବହିବ; ପୁଣି, ତୁମ୍ଭେ ଓ ତୁମ୍ଭ ସହିତ ତୁମ୍ଭ ପୁତ୍ରଗଣ ଯାଜକତ୍ୱ-ପଦଘଟିତ ଅପରାଧ ବୋହିବ।
\v 2 ଆଉ ତୁମ୍ଭେ ଲେବୀ ବଂଶୀୟ ତୁମ୍ଭର ଭ୍ରାତୃଗଣକୁ, ଅର୍ଥାତ୍‍, ତୁମ୍ଭର ପିତୃବଂଶୀୟମାନଙ୍କୁ ଆପଣା ସଙ୍ଗେ ନିକଟକୁ ଆଣ, ସେମାନେ ତୁମ୍ଭ ସହିତ ଯୋଗ ଦେବେ ଓ ତୁମ୍ଭର ସେବା କରିବେ; ମାତ୍ର ତୁମ୍ଭେ ଓ ତୁମ୍ଭ ସହିତ ତୁମ୍ଭ ପୁତ୍ରଗଣ ସାକ୍ଷ୍ୟତମ୍ବୁ ସମ୍ମୁଖରେ ରହିବ।
\s5
\v 3 ପୁଣି, ସେମାନେ ତୁମ୍ଭର ରକ୍ଷଣୀୟ ଓ ସମୁଦାୟ ତମ୍ବୁର ରକ୍ଷଣୀୟ ରକ୍ଷା କରିବେ; ଯେପରି ସେମାନେ, ଅବା ତୁମ୍ଭେମାନେ ନ ମର, ଏଥିପାଇଁ ସେମାନେ କେବଳ ପବିତ୍ର ସ୍ଥାନର ପାତ୍ର ନିକଟକୁ ଓ ବେଦି ନିକଟକୁ ଯିବେ ନାହିଁ।
\v 4 ସେମାନେ ତୁମ୍ଭ ସହିତ ଯୋଗ ଦେଇ ତମ୍ବୁର ସମସ୍ତ ସେବାକର୍ମ ଅନୁସାରେ ସମାଗମ-ତମ୍ବୁର ରକ୍ଷଣୀୟ ରକ୍ଷା କରିବେ, ଆଉ କୌଣସି ଅନ୍ୟ ବଂଶୀୟ ଲୋକ ସେମାନଙ୍କ ନିକଟକୁ ଯିବ ନାହିଁ।
\v 5 ପୁଣି, ଇସ୍ରାଏଲ ସନ୍ତାନଗଣ ପ୍ରତି ଯେପରି ଆଉ କ୍ରୋଧ ଉପସ୍ଥିତ ନ ହୁଏ, ଏଥିପାଇଁ ତୁମ୍ଭେମାନେ ପବିତ୍ର ସ୍ଥାନର ରକ୍ଷଣୀୟ ଓ ବେଦିର ରକ୍ଷଣୀୟ ରକ୍ଷା କରିବ।
\s5
\v 6 ଆଉ ଆମ୍ଭେ, ଦେଖ, ଆମ୍ଭେ ଇସ୍ରାଏଲ ସନ୍ତାନଗଣ ମଧ୍ୟରୁ ତୁମ୍ଭମାନଙ୍କର ଭ୍ରାତୃଗଣ ଲେବୀୟମାନଙ୍କୁ ଗ୍ରହଣ କରିଅଛୁ, ସେମାନେ ସମାଗମ-ତମ୍ବୁର ସେବାକର୍ମ ନିମନ୍ତେ ତୁମ୍ଭମାନଙ୍କ ପ୍ରତି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଦତ୍ତ ଦାନ ଅଟନ୍ତି।
\v 7 ଏଣୁ ତୁମ୍ଭେ ଓ ତୁମ୍ଭ ସହିତ ତୁମ୍ଭ ପୁତ୍ରଗଣ, ତୁମ୍ଭେମାନେ ବେଦି ସମ୍ବନ୍ଧୀୟ ସକଳ ବିଷୟରେ ଓ ବିଚ୍ଛେଦବସ୍ତ୍ର ଭିତରେ ଆପଣାର ଯାଜକତ୍ୱ ପାଳନ କରିବ ଓ ତୁମ୍ଭେମାନେ ସେବା କରିବ। ଆମ୍ଭେ (ଆପଣା) ଦାନଜନିତ ସେବା ରୂପେ ତୁମ୍ଭମାନଙ୍କୁ ଯାଜକତ୍ୱ ପଦ ଦେଲୁ; ମାତ୍ର ଯେଉଁ ଅନ୍ୟ ବଂଶୀୟ ଲୋକ ନିକଟକୁ ଆସେ, ତାହାର ପ୍ରାଣଦଣ୍ଡ ହେବ।”
\s ଯାଜକର ଅଂଶ
\p
\s5
\v 8 ଏଥିଉତ୍ତାରେ ସଦାପ୍ରଭୁ ହାରୋଣଙ୍କୁ କହିଲେ, “ଆହୁରି ଆମ୍ଭେ, ଦେଖ, ଆମ୍ଭେ ଆପଣା ଉତ୍ତୋଳନୀୟ ଉପହାର, ଅର୍ଥାତ୍‍, ଇସ୍ରାଏଲ ସନ୍ତାନଗଣର ସମସ୍ତ ପବିତ୍ରୀକୃତ ଦ୍ରବ୍ୟର ଭାର ତୁମ୍ଭଙ୍କୁ ଦେଲୁ, ତୁମ୍ଭର ଅଭିଷେକ ସକାଶୁ ତୁମ୍ଭକୁ ଓ ତୁମ୍ଭର ସନ୍ତାନଗଣକୁ ଅନନ୍ତକାଳୀନ ଅଧିକାର ନିମନ୍ତେ ତାହାସବୁ ଦେଲୁ।
\v 9 ଅଗ୍ନିକୃତ ମହାପବିତ୍ର ଉପହାର ମଧ୍ୟରୁ ରକ୍ଷିତ ଏହାସବୁ ତୁମ୍ଭର ହେବ; ଆମ୍ଭ ଉଦ୍ଦେଶ୍ୟରେ ସେମାନେ ଯାହା ଉତ୍ସର୍ଗ କରିବେ, ଏପରି ସେମାନଙ୍କର ପ୍ରତ୍ୟେକ ଉପହାର, ଅର୍ଥାତ୍‍, ସେମାନଙ୍କର ପ୍ରତ୍ୟେକ ଭକ୍ଷ୍ୟ-ନୈବେଦ୍ୟ ଓ ସେମାନଙ୍କର ପ୍ରତ୍ୟେକ ପାପାର୍ଥକ ବଳି ଓ ସେମାନଙ୍କର ପ୍ରତ୍ୟେକ ଦୋଷାର୍ଥକ ବଳି ତୁମ୍ଭ ଓ ତୁମ୍ଭ ପୁତ୍ରଗଣ ନିମନ୍ତେ ମହାପବିତ୍ର ହେବ।
\s5
\v 10 ତୁମ୍ଭେ ତାହା ମହାପବିତ୍ର ଦ୍ରବ୍ୟ ଭାବି ତହିଁରୁ ଭୋଜନ କରିବ; ପ୍ରତ୍ୟେକ ପୁରୁଷ ତହିଁରୁ ଭୋଜନ କରିବ; ତାହା ତୁମ୍ଭ ପ୍ରତି ପବିତ୍ର ହେବ।
\v 11 ଆଉ ଏହା ତୁମ୍ଭର ଅଟେ; ଅର୍ଥାତ୍‍, ଇସ୍ରାଏଲ ସନ୍ତାନଗଣଙ୍କର ସମସ୍ତ ଦୋଳନୀୟ ନୈବେଦ୍ୟର ଦାନ ମଧ୍ୟରୁ ଉତ୍ତୋଳନୀୟ ଉପହାର; ଆମ୍ଭେ ଅନନ୍ତକାଳୀନ ଅଧିକାରାର୍ଥେ ତାହାସବୁ ତୁମ୍ଭକୁ ଓ ତୁମ୍ଭ ସହିତ ତୁମ୍ଭର ପୁତ୍ର ଓ କନ୍ୟାଗଣଙ୍କୁ ଦେଲୁ; ତୁମ୍ଭ ଗୃହସ୍ଥିତ ପ୍ରତ୍ୟେକ ଶୁଚି ଲୋକ ତାହା ଭୋଜନ କରିବ।
\s5
\v 12 ସେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆପଣାମାନଙ୍କର ସମସ୍ତ ଉତ୍ତମ ତୈଳ ଓ ସମସ୍ତ ଉତ୍ତମ ଦ୍ରାକ୍ଷାଫଳ ଓ ଶସ୍ୟ, ଯେଉଁ ଯେଉଁ ପ୍ରଥମଜାତ ଫଳ ଉତ୍ସର୍ଗ କରିବେ, ତାହାସବୁ ଆମ୍ଭେ ତୁମ୍ଭକୁ ଦେଲୁ।
\v 13 ସେମାନେ ଆପଣା ଆପଣା ଭୂମିରୁ ଉତ୍ପନ୍ନ ଯେଉଁ ସବୁ ପ୍ରଥମ ପକ୍ୱ ଫଳ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରନ୍ତି, ସେହିସବୁ ତୁମ୍ଭର ହେବ; ତୁମ୍ଭ ଗୃହସ୍ଥିତ ପ୍ରତ୍ୟେକ ଶୁଚି ଲୋକ ତାହା ଭୋଜନ କରିବ।
\s5
\v 14 ଇସ୍ରାଏଲ ମଧ୍ୟରେ ସମସ୍ତ ଉତ୍ସର୍ଗୀକୃତ ବସ୍ତୁ ସବୁ ତୁମ୍ଭର ହେବ।
\v 15 ସେମାନେ ମନୁଷ୍ୟ କିମ୍ବା ପଶୁମାନଙ୍କ ମଧ୍ୟରୁ ଯେଉଁ ସମସ୍ତ ପ୍ରଥମଜାତ ଗର୍ଭର ଫଳ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରନ୍ତି, ସେହି ସମସ୍ତ ତୁମ୍ଭର ହେବ; ତଥାପି ତୁମ୍ଭେ ମନୁଷ୍ୟର ପ୍ରଥମଜାତକୁ ଅବଶ୍ୟ ମୁକ୍ତ କରିବ, ପୁଣି, ତୁମ୍ଭେ ଅଶୁଚି ପଶୁର ପ୍ରଥମଜାତକୁ ମୁକ୍ତ କରିବ।
\v 16 ପୁଣି, ଯେଉଁମାନେ ଏକ ମାସ ବୟସ୍କ ଅବଧି ମୁକ୍ତ କରାଯିବେ, ସେହି ସମସ୍ତଙ୍କୁ ତୁମ୍ଭର ନିରୂପଣୀୟ ମୂଲ୍ୟରେ ପବିତ୍ର ସ୍ଥାନର କୋଡ଼ିଏ ଗେରା ପରିମିତ ଶେକଲ ଅନୁସାରେ ପାଞ୍ଚ ଶେକଲ
\f +
\fr 18:16
\ft ପ୍ରାୟ 50 ଗ୍ରାମ୍ ରୂପା
\f* ରୂପାରେ ମୁକ୍ତ କରିବ।
\s5
\v 17 ମାତ୍ର ତୁମ୍ଭେ ଗୋରୁର ପ୍ରଥମଜାତକୁ ଅବା ମେଷର ପ୍ରଥମଜାତକୁ ଅବା ଛାଗର ପ୍ରଥମଜାତକୁ ମୁକ୍ତ କରିବ ନାହିଁ, ସେମାନେ ପବିତ୍ର; ତୁମ୍ଭେ ବେଦି ଉପରେ ସେମାନଙ୍କର ରକ୍ତ ସେଚନ କରିବ, ପୁଣି, ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ନିମନ୍ତେ ସେମାନଙ୍କର ମେଦ ଦଗ୍ଧ କରିବ।
\v 18 ଆଉ ସେମାନଙ୍କର ମାଂସ ତୁମ୍ଭର ହେବ, ଯେପରି ଦୋଳନୀୟ ନୈବେଦ୍ୟାର୍ଥକ ବକ୍ଷ ଓ ଦକ୍ଷିଣ ଚଟୁଆ, ସେପରି ତାହା ତୁମ୍ଭର ହେବ।
\s5
\v 19 ଇସ୍ରାଏଲ ସନ୍ତାନଗଣ ଯେଉଁ ସମସ୍ତ ବସ୍ତୁ ପବିତ୍ର କରି ଉତ୍ତୋଳନୀୟ ଉପହାର ରୂପେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରନ୍ତି, ସେସକଳ ଆମ୍ଭେ ଅନନ୍ତକାଳୀନ ଅଧିକାରାର୍ଥେ ତୁମ୍ଭକୁ ଓ ତୁମ୍ଭ ସହିତ ତୁମ୍ଭ ପୁତ୍ର ଓ କନ୍ୟାଗଣଙ୍କୁ ଦେଲୁ; ତୁମ୍ଭ ଓ ତୁମ୍ଭ ସଙ୍ଗେ ତୁମ୍ଭ ବଂଶ ପକ୍ଷରେ ଏହା ସଦାପ୍ରଭୁଙ୍କ ସାକ୍ଷାତରେ ଅନନ୍ତକାଳୀନ ଲବଣର ନିୟମ।”
\v 20 ଆହୁରି ସଦାପ୍ରଭୁ ହାରୋଣଙ୍କୁ କହିଲେ, “ସେମାନଙ୍କ ଭୂମିରେ ତୁମ୍ଭର କୌଣସି ଅଧିକାର ରହିବ ନାହିଁ; ଓ ସେମାନଙ୍କ ମଧ୍ୟରେ ତୁମ୍ଭର କୌଣସି ବାଣ୍ଟ ରହିବ ନାହିଁ; ଇସ୍ରାଏଲ-ସନ୍ତାନଗଣଙ୍କ ମଧ୍ୟରେ ଆମ୍ଭେ ହିଁ ତୁମ୍ଭର ବାଣ୍ଟ ଓ ତୁମ୍ଭର ଅଧିକାର।
\s ଲେବୀୟମାନଙ୍କ ଅଂଶ
\p
\s5
\v 21 ଆଉ ଦେଖ, ଲେବୀ-ସନ୍ତାନଗଣ ଯେଉଁ ସେବାକାର୍ଯ୍ୟ କରନ୍ତି, ସମାଗମ-ତମ୍ବୁ ସମ୍ବନ୍ଧୀୟ ସେମାନଙ୍କ ସେହି ସେବାକାର୍ଯ୍ୟର ପରିଶୋଧରେ ଆମ୍ଭେ ସେମାନଙ୍କ ଅଧିକାରାର୍ଥେ ଇସ୍ରାଏଲ ମଧ୍ୟରେ ସମସ୍ତ ଦଶମାଂଶ ଦେଲୁ।
\v 22 ଆଉ ଇସ୍ରାଏଲ-ସନ୍ତାନଗଣଙ୍କ ପାପ ବୋହି ଯେପରି ନ ମରନ୍ତି, ଏଥିପାଇଁ, ଏହି ସମୟଠାରୁ ସେମାନେ ସମାଗମ-ତମ୍ବୁ ନିକଟକୁ ଆସିବେ ନାହିଁ।
\s5
\v 23 ମାତ୍ର ଲେବୀୟମାନେ ସମାଗମ-ତମ୍ବୁର ସେବାକାର୍ଯ୍ୟ କରିବେ ଓ ସେମାନେ ଆପଣା ଆପଣା ଅପରାଧ ବୋହିବେ; ଏହା ତୁମ୍ଭମାନଙ୍କର ପୁରୁଷାନୁକ୍ରମସ୍ଥାୟୀ ଅନନ୍ତକାଳୀନ ବିଧି, ପୁଣି, ସେମାନେ ଇସ୍ରାଏଲ ସନ୍ତାନଗଣ ମଧ୍ୟରେ କୌଣସି ଅଧିକାର ପାଇବେ ନାହିଁ।
\v 24 କାରଣ ଇସ୍ରାଏଲ ସନ୍ତାନଗଣ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ତୋଳନୀୟ ଉପହାର ରୂପେ ଯେଉଁ ଦଶମାଂଶ ଉତ୍ସର୍ଗ କରନ୍ତି, ତାହା ଆମ୍ଭେ ଲେବୀୟମାନଙ୍କୁ ଅଧିକାରାର୍ଥେ ଦେଲୁ; ଏହେତୁ ଆମ୍ଭେ ସେମାନଙ୍କ ବିଷୟରେ କହିଲୁ, ଇସ୍ରାଏଲ ସନ୍ତାନଗଣ ମଧ୍ୟରେ ସେମାନେ କୌଣସି ଅଧିକାର ପାଇବେ ନାହିଁ।”
\s5
\v 25 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
\v 26 “ଆହୁରି ତୁମ୍ଭେ ଲେବୀୟମାନଙ୍କୁ କହିବ, ଆମ୍ଭେ ତୁମ୍ଭମାନଙ୍କ ଅଧିକାରାର୍ଥେ ଇସ୍ରାଏଲ-ସନ୍ତାନଗଣଠାରୁ ଯେଉଁ ଦଶମାଂଶ ତୁମ୍ଭମାନଙ୍କୁ ଦେଲୁ, ତାହା ଯେଉଁ ସମୟରେ ତୁମ୍ଭେ ସେମାନଙ୍କଠାରୁ ଗ୍ରହଣ କରିବ, ସେହି ସମୟରେ ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ତୋଳନୀୟ ଉପହାର ରୂପେ ସେହି ଦଶମାଂଶର ଦଶମାଂଶ ଉତ୍ସର୍ଗ କରିବ।
\v 27 ତୁମ୍ଭମାନଙ୍କ ଏହି ଉତ୍ତୋଳନୀୟ ଉପହାର ଖଳାର ଶସ୍ୟ ତୁଲ୍ୟ ଓ ଦ୍ରାକ୍ଷାଯନ୍ତ୍ରର ପୂର୍ଣ୍ଣତା ତୁଲ୍ୟ ତୁମ୍ଭମାନଙ୍କ ପକ୍ଷରେ ଗଣାଯିବ।
\s5
\v 28 ଏହିରୂପେ ତୁମ୍ଭେମାନେ ଇସ୍ରାଏଲ-ସନ୍ତାନଗଣଙ୍କଠାରୁ ଯେଉଁ ଦଶମାଂଶ ଗ୍ରହଣ କରିବ, ତହିଁରୁ ତୁମ୍ଭେମାନେ ହିଁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ତୋଳନୀୟ ଉପହାର ଉତ୍ସର୍ଗ କରିବ; ପୁଣି, ତହିଁରୁ ତୁମ୍ଭେମାନେ ସଦାପ୍ରଭୁଙ୍କ ଉତ୍ତୋଳନୀୟ ଉପହାର ହାରୋଣ ଯାଜକକୁ ଦେବ।
\v 29 ତୁମ୍ଭମାନଙ୍କର ପ୍ରାପ୍ତ ସମସ୍ତ ଦାନ ମଧ୍ୟରୁ ସେ ସଦାପ୍ରଭୁଙ୍କ ଉତ୍ତୋଳନୀୟ ଉପହାର, ଅର୍ଥାତ୍‍, ତହିଁର ସମସ୍ତ ଉତ୍ତମ ଦ୍ରବ୍ୟରୁ ତହିଁର ପବିତ୍ର ଅଂଶ ଉତ୍ସର୍ଗ କରିବ।
\s5
\v 30 ଏହେତୁ ତୁମ୍ଭେ ସେମାନଙ୍କୁ କହିବ, ତୁମ୍ଭେମାନେ ଯେଉଁ ସମୟରେ ତହିଁରୁ ଉତ୍ତମ ଦ୍ରବ୍ୟ ଉତ୍ତୋଳନୀୟ ଉପହାର ରୂପେ ଉତ୍ସର୍ଗ କରିବ, ସେହି ସମୟରେ ତାହା ଲେବୀୟମାନଙ୍କ ପକ୍ଷରେ ଖଳାରୁ ଉତ୍ପନ୍ନ ଦ୍ରବ୍ୟ ଓ ଦ୍ରାକ୍ଷାଯନ୍ତ୍ରରୁ ଉତ୍ପନ୍ନ ଦ୍ରବ୍ୟ ବୋଲି ଗଣାଯିବ।
\v 31 ପୁଣି, ତୁମ୍ଭେମାନେ ଓ ତୁମ୍ଭମାନଙ୍କ ପରିଜନଗଣ ସବୁ ସ୍ଥାନରେ ତାହା ଭୋଜନ କରିବ; କାରଣ ତାହା ସମାଗମ-ତମ୍ବୁରେ କୃତ ତୁମ୍ଭମାନଙ୍କ ସେବାକାର୍ଯ୍ୟ ପରିଶୋଧରେ ତୁମ୍ଭମାନଙ୍କର ପୁରସ୍କାର ଅଟେ।
\v 32 ଆଉ ତହିଁରୁ ସେହି ଉତ୍ତମ ଦ୍ରବ୍ୟ ଉପହାର ରୂପେ ଉତ୍ସର୍ଗ କଲେ, ତୁମ୍ଭେମାନେ ତଦ୍ଦ୍ୱାରା ଘଟିତ କୌଣସି ପାପ ବୋହିବ ନାହିଁ; ପୁଣି, ତୁମ୍ଭେମାନେ ଯେପରି ନ ମର, ଏଥିପାଇଁ ଇସ୍ରାଏଲ ସନ୍ତାନଗଣର ପବିତ୍ର ଦ୍ରବ୍ୟ ଅପବିତ୍ର କରିବ ନାହିଁ।”
\s5
\c 19
\s ଶୁଚିକରଣ ବିଧି
\p
\v 1 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ ଓ ହାରୋଣଙ୍କୁ କହିଲେ,
\v 2 “ସଦାପ୍ରଭୁ ଏହି ଶାସ୍ତ୍ରୀୟ ବିଧି କହି ଆଜ୍ଞା ଦେଇଅଛନ୍ତି, ଇସ୍ରାଏଲ ସନ୍ତାନଗଣଙ୍କୁ କୁହ, ଯେଉଁଠାରେ କଳଙ୍କ ନାହିଁ ଓ ଯାହା ଉପରେ କେବେ ଯୁଆଳି ଦିଆଯାଇ ନାହିଁ, ଏପରି ଏକ ନିଖୁନ୍ତା ଲାଲି ଗାଭୀକୁ ସେମାନେ ତୁମ୍ଭ ନିକଟକୁ ଆଣନ୍ତୁ।
\s5
\v 3 ତହୁଁ ତୁମ୍ଭେମାନେ ସେହି ଗାଭୀକୁ ଇଲୀୟାସର ଯାଜକକୁ ଦେବ, ପୁଣି, ସେ ତାହାକୁ ଛାଉଣି ବାହାରକୁ ଆଣନ୍ତେ, ଜଣେ ତାହା ସମ୍ମୁଖରେ ତାକୁ ବଧ କରିବ।
\v 4 ତହିଁରେ ଇଲୀୟାସର ଯାଜକ ଆପଣା ଅଙ୍ଗୁଳି ଦ୍ୱାରା ତାହାର ରକ୍ତରୁ ନେଇ ସମାଗମ-ତମ୍ବୁ ସମ୍ମୁଖରେ ସାତ ଥର ତାହାର ରକ୍ତ ସେଚନ କରିବ।
\v 5 ଆଉ ଜଣେ ତାହାର ଦୃଷ୍ଟିଗୋଚରରେ ସେହି ଗାଭୀକୁ ଦଗ୍ଧ କରିବ; ସେ ତାହାର ଗୋମୟ ସହିତ ଚର୍ମ ଓ ମାଂସ ଓ ରକ୍ତ ଦଗ୍ଧ କରିବ।
\v 6 ତହୁଁ ଯାଜକ ଏରସ କାଠ, ଏସୋବ ଓ ସିନ୍ଦୂରବର୍ଣ୍ଣ (ଲୋମ) ନେଇ ସେହି ଗାଭୀଦାହର ଅଗ୍ନି ମଧ୍ୟରେ ପକାଇବ।
\s5
\v 7 ତେବେ ଯାଜକ ଆପଣା ବସ୍ତ୍ର ଧୋଇବ ଓ ଶରୀରକୁ ଜଳରେ ସ୍ନାନ କରାଇବ; ତହିଁ ଉତ୍ତାରେ ସେ ଛାଉଣିକୁ ଆସିବ, ପୁଣି, ଯାଜକ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।
\v 8 ଆଉ ଯେଉଁ ଲୋକ ସେହି ଗାଭୀକୁ ଦଗ୍ଧ କରିବ, ସେ ଜଳରେ ଆପଣା ବସ୍ତ୍ର ଧୋଇବ, ଆପଣା ଶରୀରକୁ ଜଳରେ ସ୍ନାନ କରାଇବ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।
\s5
\v 9 ଏଉତ୍ତାରେ କୌଣସି ଶୁଚି ଲୋକ ସେହି ଗାଭୀର ଭସ୍ମ ସଂଗ୍ରହ କରି ଛାଉଣିର ବାହାରେ କୌଣସି ଶୁଚି ସ୍ଥାନରେ ରହିବ; ପୁଣି, ତାହା ଇସ୍ରାଏଲ-ସନ୍ତାନଗଣଙ୍କର ମଣ୍ଡଳୀ ପାଇଁ ଅଶୌଚାର୍ଥକ ଜଳ ନିମନ୍ତେ ରଖାଯିବ; ତାହା ପାପାର୍ଥକ ବଳି ଅଟେ।
\v 10 ଆଉ ଯେଉଁ ଲୋକ ସେହି ଗାଭୀର ଭସ୍ମ ସଂଗ୍ରହ କରେ, ସେ ଆପଣା ବସ୍ତ୍ର ଧୋଇବ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ; ଏହା ଇସ୍ରାଏଲ ସନ୍ତାନଗଣର ଓ ସେମାନଙ୍କ ମଧ୍ୟରେ ପ୍ରବାସକାରୀ ବିଦେଶୀର ପାଳନୀୟ ଅନନ୍ତକାଳୀନ ବିଧି ହେବ।
\s ଶବ ସହିତ ସଂସ୍ପର୍ଶ
\p
\s5
\v 11 ପୁଣି, ଯେକେହି କୌଣସି ମନୁଷ୍ୟର ଶବ ଛୁଏଁ, ସେ ସାତ ଦିନ ଅଶୁଚି ହେବ।
\v 12 ସେ ତୃତୀୟ ଦିନରେ ତଦ୍ଦ୍ୱାରା ଆପଣାକୁ ପରିଷ୍କାର କରିବ, ସପ୍ତମ ଦିନରେ ସେ ଶୁଚି ହେବ; ମାତ୍ର ଯଦି ସେ ତୃତୀୟ ଦିନରେ ଆପଣାକୁ ପରିଷ୍କାର ନ କରେ, ତେବେ ସେ ସପ୍ତମ ଦିନରେ ଶୁଚି ହେବ ନାହିଁ।
\v 13 ଯଦି କେହି କୌଣସି ମୃତ ମନୁଷ୍ୟର ଶବ ଛୁଇଁ ଆପଣାକୁ ପରିଷ୍କାର ନ କରେ, ତେବେ ସେ ସଦାପ୍ରଭୁଙ୍କ ଆବାସ ଅଶୁଚି କରେ; ସେହି ପ୍ରାଣୀ ଇସ୍ରାଏଲ ମଧ୍ୟରୁ ଉଚ୍ଛିନ୍ନ ହେବ; ତାହା ଉପରେ ଅଶୌଚାର୍ଥକ ଜଳ ଛିଞ୍ଚା ଯାଇ ନ ଥିବାରୁ ସେ ଅଶୁଚି ହେବ; ତାହାର ଅଶୁଚିତା ତାହାଠାରେ ଥାଏ।
\s5
\v 14 କୌଣସି ମନୁଷ୍ୟ ତମ୍ବୁ ଭିତରେ ମଲେ, ତହିଁର ବ୍ୟବସ୍ଥା ଏହି; ଯେକେହି ସେହି ତମ୍ବୁକୁ ଆସେ ଓ ସେହି ତମ୍ବୁରେ ଥାଏ, ସେ ସାତ ଦିନ ଅଶୁଚି ହୋଇ ରହିବ।
\v 15 ଆଉ ପ୍ରତ୍ୟେକ ମେଲା ପାତ୍ର, ଯହିଁରେ ଢାଙ୍କୁଣି ବନ୍ଧା ନ ଥାଏ, ତାହା ଅଶୁଚି ହେବ।
\v 16 ପୁଣି, ଯେକେହି ମେଲା କ୍ଷେତ୍ରରେ ଖଡ୍ଗହତ କିମ୍ବା ମୃତ ଦେହ କିମ୍ବା ମନୁଷ୍ୟର ଅସ୍ଥି କିମ୍ବା କବର ଛୁଏଁ, ସେ ସାତ ଦିନ ଅଶୁଚି ହେବ।
\s5
\v 17 ଆଉ ଲୋକମାନେ ସେହି ଅଶୁଚି ଲୋକ ନିମନ୍ତେ ପାପାର୍ଥରେ ଦଗ୍ଧ ବଳିର ଭସ୍ମ ନେବେ ଓ ଏକ ପାତ୍ରରେ ତାହା ରଖି ତହିଁ ଉପରେ ସ୍ରୋତଜଳ ଦିଆଯିବ।
\v 18 ଏଉତ୍ତାରେ କୌଣସି ଶୁଚି ମନୁଷ୍ୟ ଏସୋବ ଶାଖା, ନେଇ ଏହି ଜଳରେ ଡୁବାଇ ସେହି ତମ୍ବୁ ଉପରେ ଓ ସମସ୍ତ ପାତ୍ର ଉପରେ ଓ ସେଠାରେ ଥିବା ସମସ୍ତ ଲୋକ ଉପରେ, ପୁଣି, ଅସ୍ଥି କିମ୍ବା ହତ କିମ୍ବା ମୃତ କିମ୍ବା କବର ଛୁଇଁବା ଲୋକ ଉପରେ ତାହା ଛିଞ୍ଚିବ।
\v 19 ପୁଣି, ସେହି ଶୁଚି ଲୋକ ତୃତୀୟ ଦିନରେ ଓ ସପ୍ତମ ଦିନରେ ଅଶୁଚି ଲୋକ ଉପରେ ତାହା ଛିଞ୍ଚିବ; ତହୁଁ ସେ ସପ୍ତମ ଦିନରେ ଆପଣାକୁ ପରିଷ୍କାର କରିବ ଓ ଆପଣା ବସ୍ତ୍ର ଧୋଇ ଆପେ ଜଳରେ ସ୍ନାନ କରିବ ଓ ସନ୍ଧ୍ୟା ସମୟରେ ଶୁଚି ହେବ।
\s5
\v 20 ମାତ୍ର ଯେଉଁ ଲୋକ ଅଶୁଚି ହୋଇ ଆପଣାକୁ ପରିଷ୍କାର ନ କରିବ, ସେହି ପ୍ରାଣୀ ସମାଜ ମଧ୍ୟରୁ ଉଚ୍ଛିନ୍ନ ହେବ, କାରଣ ସେ ସଦାପ୍ରଭୁଙ୍କର ପବିତ୍ର ସ୍ଥାନ ଅଶୁଚି କଲା; ତାହା ଉପରେ ଅଶୌଚାର୍ଥକ ଜଳ ସେଚିତ ହେଲା ନାହିଁ; ସେ ଅଶୁଚି।
\v 21 ଏହା ସେମାନଙ୍କ ପାଳନୀୟ ଅନନ୍ତକାଳୀନ ବିଧି ହେବ; ଆଉ ଯେକେହି ସେହି ଅଶୌଚାର୍ଥକ ଜଳ ସେଚନ କରେ, ସେ ଆପଣା ବସ୍ତ୍ର ଧୋଇବ; ପୁଣି, ଯେକେହି ସେହି ଅଶୌଚାର୍ଥକ ଜଳ ଛୁଏଁ, ସେ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ହେବ।
\v 22 ପୁଣି, ସେ ଅଶୁଚି ଲୋକ ଯାହା କିଛି ଛୁଏଁ, ତାହା ଅଶୁଚି ହେବ; ଆଉ ଯେଉଁ ପ୍ରାଣୀ ତାହା ଛୁଏଁ, ସେ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।”
\s5
\c 20
\s ମରୀୟମଙ୍କ ମୃତ୍ୟୁୁ
\p
\v 1 ଏଥିଉତ୍ତାରେ ଇସ୍ରାଏଲ-ସନ୍ତାନଗଣଙ୍କର ସମସ୍ତ ମଣ୍ଡଳୀ ପ୍ରଥମ ମାସରେ ସୀନ୍‍ ପ୍ରାନ୍ତରରେ ଉପସ୍ଥିତ ହେଲେ ଓ ଲୋକମାନେ କାଦେଶରେ ବାସ କଲେ; ପୁଣି, ସେହି ସ୍ଥାନରେ ମରୀୟମ ମଲେ ଓ ସେଠାରେ ତାଙ୍କୁ କବର ଦିଆଗଲା।
\s ଜଳ ନିମନ୍ତେ ବିବାଦ
\p
\s5
\v 2 ଆଉ ସେହି ସ୍ଥାନରେ ମଣ୍ଡଳୀ ନିମନ୍ତେ ଜଳ ନ ଥିଲା; ତହିଁରେ ଲୋକମାନେ ମୋଶାଙ୍କ ଓ ହାରୋଣଙ୍କ ବିରୁଦ୍ଧରେ ଏକତ୍ର ହେଲେ।
\v 3 ପୁଣି, ଲୋକମାନେ ମୋଶାଙ୍କ ସହିତ ବିବାଦ କରି କହିଲେ, “ହାୟ, ଆମ୍ଭମାନଙ୍କ ଭାଇମାନେ ଯେତେବେଳେ ସଦାପ୍ରଭୁଙ୍କ ସମ୍ମୁଖରେ ମଲେ, ସେହି ସମୟରେ ଯଦି ଆମ୍ଭେମାନେ ମରିଥା’ନ୍ତୁ।
\s5
\v 4 ତୁମ୍ଭେମାନେ କାହିଁକି ସଦାପ୍ରଭୁଙ୍କ ସମାଜକୁ ବାହାର କରି ଏହି ପ୍ରାନ୍ତରକୁ ଆଣିଲ, ଯେପରି କି ଆମ୍ଭେମାନେ ଓ ଆମ୍ଭମାନଙ୍କର ପଶୁମାନେ ଏହିଠାରେ ମରିବୁ ?
\v 5 ଆଉ ତୁମ୍ଭେମାନେ କାହିଁକି ଆମ୍ଭମାନଙ୍କୁ ମିସର ଦେଶରୁ ବାହାର କରି ଆଣିଲ, କି ଏହି କଦର୍ଯ୍ୟ ସ୍ଥାନକୁ ଆଣିବାକୁ ? ଏ ତ ଶସ୍ୟ କି ଡିମ୍ବିରି କି ଦ୍ରାକ୍ଷା କି ଡାଳିମ୍ବର ସ୍ଥାନ ନୁହେଁ; କିଅବା ଏଠାରେ ପିଇବାକୁ ଜଳ ନାହିଁ।”
\s5
\v 6 ଏଥିରେ ମୋଶା ଓ ହାରୋଣ ସମାଜ ସାକ୍ଷାତରୁ ସମାଗମ-ତମ୍ବୁ ଦ୍ୱାରକୁ ଯାଇ ମୁହଁ ମାଡ଼ି ପଡ଼ିଲେ; ତହୁଁ ସଦାପ୍ରଭୁଙ୍କ ପ୍ରତାପ ସେମାନଙ୍କ ପ୍ରତି ପ୍ରକାଶ ପାଇଲା।
\s5
\v 7 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
\v 8 “ତୁମ୍ଭେ ଯଷ୍ଟି ନିଅ, ପୁଣି, ତୁମ୍ଭେ ଓ ତୁମ୍ଭ ଭାଇ ହାରୋଣ ମଣ୍ଡଳୀକୁ ଏକତ୍ର କର, ଆଉ ତୁମ୍ଭେମାନେ ସେମାନଙ୍କ ଦୃଷ୍ଟିଗୋଚରରେ ସେହି ଶୈଳକୁ ଆପଣା ଜଳ ଦେବା ପାଇଁ ଆଜ୍ଞା ଦିଅ; ତହିଁରେ ତୁମ୍ଭେ ସେମାନଙ୍କ ନିମନ୍ତେ ଶୈଳରୁ ଜଳ ବାହାର କରି ମଣ୍ଡଳୀକୁ ଓ ସେମାନଙ୍କ ପଶୁଗଣକୁ ପାନ କରାଇବ।”
\v 9 ତହୁଁ ମୋଶା ସଦାପ୍ରଭୁଙ୍କ ସମ୍ମୁଖରୁ ତାହାଙ୍କ ଆଜ୍ଞା ପ୍ରମାଣେ ଯଷ୍ଟି ନେଲେ।
\s ଶୈଳକୁ ମୋଶାଙ୍କ ଆଘାତ
\p
\s5
\v 10 ପୁଣି, ମୋଶା ଓ ହାରୋଣ ସେହି ଶୈଳ ସମ୍ମୁଖରେ ସମାଜକୁ ଏକତ୍ର କଲେ, ଆଉ ସେ ସେମାନଙ୍କୁ କହିଲେ, “ହେ ବିଦ୍ରୋହୀଗଣ, ଶୁଣ, ଆମ୍ଭେମାନେ କି ତୁମ୍ଭମାନଙ୍କ ନିମନ୍ତେ ଏହି ଶୈଳରୁ ଜଳ ବାହାର କରିବା ?
\v 11 ଏଉତ୍ତାରେ ମୋଶା ହସ୍ତ ଉଠାଇ ଆପଣା ଯଷ୍ଟିରେ ସେହି ଶୈଳକୁ ଦୁଇ ଥର ଆଘାତ କଲେ; ତହିଁରେ ପ୍ରଚୁର ଜଳ ବାହାରିଲା, ପୁଣି, ମଣ୍ଡଳୀ ଓ ସେମାନଙ୍କ ପଶୁଗଣ ପାନ କଲେ।
\s5
\v 12 ଏଥିରେ ସଦାପ୍ରଭୁ ମୋଶା ଓ ହାରୋଣଙ୍କୁ କହିଲେ, “ତୁମ୍ଭେମାନେ ଇସ୍ରାଏଲ ସନ୍ତାନମାନଙ୍କ ସାକ୍ଷାତରେ ଆମ୍ଭକୁ ପବିତ୍ର ବୋଲି ମାନ୍ୟ କରିବାକୁ ଆମ୍ଭଠାରେ ବିଶ୍ୱାସ କଲ ନାହିଁ, ଏହେତୁ ଆମ୍ଭେ ଏହି ମଣ୍ଡଳୀକୁ ଯେଉଁ ଦେଶ ଦେଇଅଛୁ, ସେହି ଦେଶରେ ତୁମ୍ଭେମାନେ ସେମାନଙ୍କୁ ପ୍ରବେଶ କରାଇବ ନାହିଁ।”
\s ଇଦୋମ ଦ୍ୱାରା ଇସ୍ରାଏଲର ପଥରୋଧ
\p
\v 13 ଏହିସବୁ ମିରୀବାଃ-ଜଳ, (ବିବାଦର ଜଳ); ଯେହେତୁ ଇସ୍ରାଏଲ ସନ୍ତାନଗଣ ସଦାପ୍ରଭୁଙ୍କ ସହିତ ବିବାଦ କଲେ ଓ ସେମାନଙ୍କ ମଧ୍ୟରେ ପବିତ୍ର ରୂପେ ମାନ୍ୟ ହେଲେ।
\s5
\v 14 ଏଥିଉତ୍ତାରେ ମୋଶା କାଦେଶରୁ ଇଦୋମୀୟ ରାଜା ନିକଟକୁ ଦୂତମାନଙ୍କ ଦ୍ୱାରା କହି ପଠାଇଲେ, ତୁମ୍ଭର ଭ୍ରାତା ଇସ୍ରାଏଲ ଏରୂପ କହଇ, “ଆମ୍ଭମାନଙ୍କ ପ୍ରତି ଯେଉଁ ସମସ୍ତ କ୍ଳେଶ ଘଟିଅଛି,
\v 15 ଅର୍ଥାତ୍‍, କିପରି ଆମ୍ଭମାନଙ୍କର ପୂର୍ବପୁରୁଷମାନେ ମିସରକୁ ଗଲେ ଓ ମିସରରେ ଦୀର୍ଘକାଳ ବାସ କଲେ ଆଉ ମିସ୍ରୀୟମାନେ ଆମ୍ଭମାନଙ୍କ ପ୍ରତି ଓ ଆମ୍ଭମାନଙ୍କ ପୂର୍ବପୁରୁଷମାନଙ୍କ ପ୍ରତି କୁବ୍ୟବହାର କଲେ, ତାହା ତୁମ୍ଭେ ଜାଣ।
\v 16 ସେହି ସମୟରେ ଆମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ କ୍ରନ୍ଦନ କରନ୍ତେ, ସେ ଆମ୍ଭମାନଙ୍କ ରବ ଶୁଣିଲେ, ପୁଣି, ଏକ ଦୂତ ପଠାଇ ଆମ୍ଭମାନଙ୍କୁ ମିସରରୁ ବାହାର କରି ଆଣିଲେ; ଆଉ ଦେଖ, ଏବେ ଆମ୍ଭେମାନେ ତୁମ୍ଭ ଦେଶର ପ୍ରାନ୍ତସ୍ଥିତ କାଦେଶ ନଗରରେ ଅଛୁ;
\s5
\v 17 ମୁଁ ବିନୟ କରୁଅଛି, ତୁମ୍ଭ ଦେଶ ଦେଇ ଆମ୍ଭମାନଙ୍କୁ ଯିବାକୁ ଦିଅ; ଆମ୍ଭେମାନେ ଶସ୍ୟକ୍ଷେତ୍ର କିମ୍ବା ଦ୍ରାକ୍ଷାକ୍ଷେତ୍ର ମଧ୍ୟଦେଇ ଯିବୁ ନାହିଁ, କିଅବା କୂପ ଜଳ ପାନ କରିବୁ ନାହିଁ; ଆମ୍ଭେମାନେ ରାଜପଥ ଦେଇ ଗମନ କରିବୁ; ଆମ୍ଭେମାନେ ତୁମ୍ଭ ସୀମା ପାର ହେବା ପର୍ଯ୍ୟନ୍ତ ଦକ୍ଷିଣରେ କି ବାମରେ ଫେରିବୁ ନାହିଁ।”
\s5
\v 18 ତହିଁରେ ଇଦୋମ ତାଙ୍କୁ କହିଲେ, “ତୁମ୍ଭେ ଆମ୍ଭ (ଦେଶର) ମଧ୍ୟଦେଇ ଯିବ ନାହିଁ, ଗଲେ ଆମ୍ଭେ ଖଡ୍ଗ ନେଇ ତୁମ୍ଭ ବିରୁଦ୍ଧରେ ବାହାର ହେବା।”
\v 19 ସେତେବେଳେ ଇସ୍ରାଏଲ ସନ୍ତାନଗଣ ତାଙ୍କୁ କହିଲେ, “ଆମ୍ଭେମାନେ କେବଳ ସଡ଼କ ଦେଇ ଯିବୁ ଯଦି ଆମ୍ଭେମାନେ, ଆମ୍ଭେ କି ଆମ୍ଭ ପଶୁମାନେ ତୁମ୍ଭ ଜଳ ପାନ କରିବୁ, ତେବେ ଆମ୍ଭେ ତହିଁର ମୂଲ୍ୟ ଦେବୁ; ଆଉ କିଛି କଥା ନାହିଁ, କେବଳ ଆମ୍ଭକୁ ଆପଣା ପାଦରେ (ଦେଶ) ଦେଇ ଯିବାକୁ ଦିଅ।”
\s5
\v 20 ତହୁଁ ସେ କହିଲେ, “ତୁମ୍ଭେ (ଦେଶ) ଦେଇ ଯିବ ନାହିଁ। ଏଉତ୍ତାରେ ଇଦୋମ ଅନେକ ଲୋକ ସଙ୍ଗରେ ନେଇ ମହାବଳରେ ତାଙ୍କ ବିରୁଦ୍ଧରେ ବାହାର ହେଲେ।”
\v 21 ଏହିରୂପେ ଇଦୋମ ଇସ୍ରାଏଲକୁ ଆପଣା ସୀମା ଦେଇ ଯିବାର ଅନୁମତି ଦେବାକୁ ଅସ୍ୱୀକାର କଲେ; ଏଣୁ ଇସ୍ରାଏଲ ତାଙ୍କ ନିକଟରୁ ଫେରିଗଲେ।
\s ହାରୋଣଙ୍କ ମୃତ୍ୟୁୁ
\p
\s5
\v 22 ଏଥିଉତ୍ତାରେ ସେମାନେ କାଦେଶରୁ ଯାତ୍ରା କଲେ ତହୁଁ ଇସ୍ରାଏଲ ସନ୍ତାନଗଣ, ଅର୍ଥାତ୍‍, ସମସ୍ତ ମଣ୍ଡଳୀ ହୋର ପର୍ବତରେ ଉପସ୍ଥିତ ହେଲେ।
\v 23 ସେତେବେଳେ ଇଦୋମ ଦେଶର ସୀମା ନିକଟସ୍ଥ ହୋର ପର୍ବତରେ ସଦାପ୍ରଭୁ ମୋଶା ଓ ହାରୋଣଙ୍କୁ କହିଲେ,
\v 24 “ଏହା ହାରୋଣର ମୃତ୍ୟୁର ସମୟ ଅଟେ; କାରଣ ଆମ୍ଭେ ଇସ୍ରାଏଲ ସନ୍ତାନଗଣକୁ ଯେଉଁ ଦେଶ ଦେଇଅଛୁ, ସେହି ଦେଶରେ ସେ ପ୍ରବେଶ କରିବ ନାହିଁ, ଯେହେତୁ ମିରୀବାଃ-ଜଳ ନିକଟରେ ତୁମ୍ଭେମାନେ ଆମ୍ଭ ଆଜ୍ଞାର ବିରୁଦ୍ଧ କର୍ମ କରିଥିଲ।
\s5
\v 25 ତୁମ୍ଭେ ହାରୋଣକୁ ଓ ତାହାର ପୁତ୍ର ଇଲୀୟାସରକୁ ହୋର ପର୍ବତ ଉପରକୁ ନେଇ ଯାଅ।
\v 26 ପୁଣି, ହାରୋଣଠାରୁ ତାହାର ବସ୍ତ୍ର କାଢ଼ି ତାହାର ପୁତ୍ର ଇଲୀୟାସରକୁ ପିନ୍ଧାଅ; ଯେଣୁ ହାରୋଣ (ଆପଣା ଲୋକମାନଙ୍କ ନିକଟରେ) ସଂଗୃହୀତ ହେବ ଓ ସେ ସେହି ସ୍ଥାନରେ ମରିବ।
\s5
\v 27 ତହୁଁ ମୋଶା ସଦାପ୍ରଭୁଙ୍କ ଆଜ୍ଞାନୁସାରେ କର୍ମ କଲେ; ଆଉ ସେମାନେ ସମସ୍ତେ ମଣ୍ଡଳୀର ସାକ୍ଷାତରେ ହୋର ପର୍ବତକୁ ଉଠିଗଲେ।
\v 28 ତେବେ ମୋଶା ହାରୋଣଙ୍କର ବସ୍ତ୍ର କାଢ଼ି ତାଙ୍କର ପୁତ୍ର ଇଲୀୟାସରକୁ ପିନ୍ଧାଇଲେ, ପୁଣି, ହାରୋଣ ସେହି ସ୍ଥାନରେ ପର୍ବତଶୃଙ୍ଗରେ ମଲେ; ତହୁଁ ମୋଶା ଓ ଇଲୀୟାସର ପର୍ବତରୁ ଓହ୍ଲାଇ ଆସିଲେ।
\v 29 ଏଉତ୍ତାରେ ହାରୋଣ ମରିଅଛନ୍ତି, ଏହା ସମସ୍ତ ମଣ୍ଡଳୀ ଦେଖନ୍ତେ, ସେମାନେ, ଅର୍ଥାତ୍‍, ଇସ୍ରାଏଲର ସମସ୍ତ ବଂଶ ହାରୋଣଙ୍କ ନିମନ୍ତେ ତିରିଶ ଦିନ ପର୍ଯ୍ୟନ୍ତ ରୋଦନ କଲେ।
\s5
\c 21
\s ଅରାଦ୍‌ର ବିନାଶ
\p
\v 1 ଏଥିଉତ୍ତାରେ ଇସ୍ରାଏଲ ଅଥାରୀମର ପଥ ଦେଇ ଆସୁଅଛନ୍ତି, ଏହି କଥା ଶୁଣି ଦକ୍ଷିଣ ପ୍ରଦେଶ ନିବାସୀ କିଣାନ ବଂଶୀୟ ଅରାଦର ରାଜା ଇସ୍ରାଏଲର ପ୍ରତିକୂଳରେ ଯୁଦ୍ଧ କଲେ ଓ ସେମାନଙ୍କର କେତେକ ଲୋକଙ୍କୁ ଧରି ବନ୍ଦୀ କଲେ।
\v 2 ତହିଁରେ ଇସ୍ରାଏଲ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ମାନତ କରି କହିଲେ, “ଯଦି ତୁମ୍ଭେ ଏହି ଲୋକମାନଙ୍କୁ ଆମ୍ଭ ହସ୍ତରେ ସମର୍ପଣ କରିବ, ଯଦି ଆମ୍ଭେ ସେମାନଙ୍କ ନଗରସବୁ ସମ୍ପୂର୍ଣ୍ଣ ରୂପେ ବିନାଶ କରିବା।”
\v 3 ଏଥିରେ ସଦାପ୍ରଭୁ ଇସ୍ରାଏଲର ରବରେ କର୍ଣ୍ଣପାତ କରି ସେହି କିଣାନୀୟମାନଙ୍କୁ ସମର୍ପଣ କଲେ; ତହିଁରେ ସେମାନେ ସେମାନଙ୍କୁ ଓ ସେମାନଙ୍କ ସମସ୍ତ ନଗର ସମ୍ପୂର୍ଣ୍ଣ ରୂପେ ବିନାଶ କଲେ, ପୁଣି, ସେହି ସ୍ଥାନର ନାମ ହର୍ମା
\f +
\fr 21:3
\ft ଅର୍ଥାତ୍ ବିନାଶ
\f* ହେଲା।
\s ପିତ୍ତଳ ସର୍ପ
\p
\s5
\v 4 ଏଥିଉତ୍ତାରେ ସେମାନେ ଇଦୋମ ଦେଶ ପ୍ରଦକ୍ଷିଣ କରିବା ନିମନ୍ତେ ହୋର ପର୍ବତରୁ ସୂଫ ସାଗର ପଥ ଦେଇ ଯାତ୍ରା କଲେ; ପୁଣି, ପଥ ସକାଶୁ ଲୋକମାନଙ୍କର ପ୍ରାଣ ଅତି ସାହସହୀନ ହେଲା।
\v 5 ତହିଁରେ ଲୋକମାନେ ପରମେଶ୍ୱରଙ୍କ ବିରୁଦ୍ଧରେ ଓ ମୋଶାଙ୍କ ବିରୁଦ୍ଧରେ କହିଲେ, “କାହିଁକି ତୁମ୍ଭେମାନେ ଆମ୍ଭମାନଙ୍କୁ ପ୍ରାନ୍ତରରେ ମାରିବାକୁ ମିସର ଦେଶରୁ ବାହାର କରି ଆଣିଲ ?” ଦେଖ, ଏଠାରେ ରୁଟି ନାହିଁ ଓ ଜଳ ନାହିଁ; ପୁଣି, ଆମ୍ଭମାନଙ୍କ ପ୍ରାଣ ଏହି ଲଘୁ ଅନ୍ନକୁ ଘୃଣା କରେ।
\s5
\v 6 ସେତେବେଳେ ସଦାପ୍ରଭୁ ଲୋକମାନଙ୍କ ମଧ୍ୟକୁ ବିଷାକ୍ତ ସର୍ପଗୁଡିକୁ ପ୍ରେରଣ କରନ୍ତେ, ସେମାନେ ଲୋକମାନଙ୍କୁ ଦଂଶନ କଲେ; ତହିଁରେ ଇସ୍ରାଏଲର ଅନେକ ଲୋକ ମଲେ।
\v 7 ଏନିମନ୍ତେ ଲୋକମାନେ ମୋଶାଙ୍କ ନିକଟକୁ ଆସି କହିଲେ, “ଆମ୍ଭେମାନେ ପାପ କରିଅଛୁ, କାରଣ ଆମ୍ଭେମାନେ ସଦାପ୍ରଭୁଙ୍କ ବିରୁଦ୍ଧରେ ଓ ତୁମ୍ଭ ବିରୁଦ୍ଧରେ କଥା କହିଅଛୁ; ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କର ଯେପରି ସେ ଆମ୍ଭମାନଙ୍କ ନିକଟରୁ ଏହି ସର୍ପମାନଙ୍କୁ ଦୂର କରିବେ।” ତେଣୁ ମୋଶା ଲୋକମାନଙ୍କ ନିମନ୍ତେ ପ୍ରାର୍ଥନା କଲେ।
\s5
\v 8 ତେବେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଗୋଟିଏ ବିଷାକ୍ତ ସର୍ପର ନମୁନା ନିର୍ମାଣ କରି ପତାକା-ଦଣ୍ଡ ଉପରେ ରଖ; ତହିଁରେ ସର୍ପଦ୍ରଂଷ୍ଟ ପ୍ରତ୍ୟେକ ଲୋକ ତାହା ପ୍ରତି ଅନାଇଲେ ବଞ୍ଚିବ।”
\v 9 ତହୁଁ ମୋଶା ପିତ୍ତଳର ଏକ ସର୍ପ ନିର୍ମାଣ କରି ପତାକା-ଦଣ୍ଡ ଉପରେ ରଖିଲେ; ତହିଁରେ ସର୍ପ କୌଣସି ମନୁଷ୍ୟକୁ ଦଂଶନ କଲେ, ସେ ସେହି ପିତ୍ତଳ ସର୍ପ ପ୍ରତି ଦୃଷ୍ଟିପାତ କରନ୍ତେ, ବଞ୍ଚିଲା।
\s ଜଳ କୂପର ଗୀତ
\p
\s5
\v 10 ଏଥିଉତ୍ତାରେ ଇସ୍ରାଏଲ ସନ୍ତାନଗଣ ଯାତ୍ରା କରି ଓବୋତରେ ଛାଉଣି ସ୍ଥାପନ କଲେ।
\v 11 ତହିଁ ଉତ୍ତାରେ ଓବୋତରୁ ଯାତ୍ରା କରି ସୂର୍ଯ୍ୟୋଦୟ ଦିଗରେ ମୋୟାବର ସମ୍ମୁଖସ୍ଥିତ ପ୍ରାନ୍ତରରେ ଇୟୀ-ଅବାରୀମରେ ଛାଉଣି ସ୍ଥାପନ କଲେ।
\s5
\v 12 ସେମାନେ ସେଠାରୁ ଯାତ୍ରା କରି ସେରଦ୍‍ ଉପତ୍ୟକାରେ ଛାଉଣି ସ୍ଥାପନ କଲେ।
\v 13 ସେଠାରୁ ସେମାନେ ଯାତ୍ରା କରି ଇମୋରୀୟମାନଙ୍କର ସୀମାରୁ ନିର୍ଗତ ଅର୍ଣ୍ଣୋନର ଅନ୍ୟ ପାରିସ୍ଥିତ ପ୍ରାନ୍ତରରେ ଛାଉଣି ସ୍ଥାପନ କଲେ; କାରଣ ମୋୟାବର ଓ ଇମୋରୀୟମାନଙ୍କର ମଧ୍ୟବର୍ତ୍ତୀ ଅର୍ଣ୍ଣୋନ ମୋୟାବର ସୀମା ଥିଲା।
\s5
\v 14 ଏନିମନ୍ତେ ସଦାପ୍ରଭୁଙ୍କ ଯୁଦ୍ଧର ନଳାକାର ପୁସ୍ତକରେ କଥିତ ଅଛି, ଯଥା “ସୁଫଃରେ ବାହେବକୁ ଓ ଅର୍ଣ୍ଣୋନର ସକଳ ଉପତ୍ୟକା,
\v 15 ପୁଣି, ଆରର ବାସସ୍ଥାନଗାମୀ ଓ ମୋୟାବ-ସୀମାର ପାର୍ଶ୍ଵସ୍ଥିତ ଗଡ଼ନ୍ତି ଉପତ୍ୟକାସକଳକୁ (ସେ ଜୟ କଲେ।”)
\s5
\v 16 ସେଠାରୁ ସେମାନେ (ଯାତ୍ରା କରି) ବେର (କୂପ) ନାମକ ସ୍ଥାନକୁ ଆସିଲେ। ସେହି କୂପ ବିଷୟରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଏହି ସ୍ଥାନରେ ଲୋକମାନଙ୍କୁ ଏକତ୍ର କର, ଆମ୍ଭେ ସେମାନଙ୍କୁ ଜଳ ଦେବା।”
\s5
\v 17 ସେହି ସମୟରେ ଇସ୍ରାଏଲ ଏହି ଗୀତ ଗାନ କଲେ, “ହେ କୂପ, ଉଚ୍ଛୁଳି ଉଠ ତୁମ୍ଭେମାନେ ତହିଁ ଉଦ୍ଦେଶ୍ୟରେ ଗାନ କର;
\v 18 ଅଧିପତିମାନେ ସେହି କୂପ ଖୋଳିଛନ୍ତି, ଲୋକମାନଙ୍କର କୁଳୀନମାନେ ରାଜଦଣ୍ଡ ଓ ଆପଣା ଆପଣା ଯଷ୍ଟି ଘେନି ତାହା ଖୋଳିଛନ୍ତି।”
\s5
\v 19 ଏଉତ୍ତାରେ ସେମାନେ ପ୍ରାନ୍ତରରୁ ମତ୍ତାନକୁ ଓ ମତ୍ତାନଠାରୁ ନହଲୀୟେଲକୁ ଓ ନହଲୀୟେଲଠାରୁ ବାମୋତକୁ
\v 20 ଓ ବାମୋତଠାରୁ ମୋୟାବ କ୍ଷେତ୍ରସ୍ଥିତ ଉପତ୍ୟକା ଦେଇ ପିସ୍‍ଗା ପର୍ବତର ଶୃଙ୍ଗକୁ ଯାତ୍ରା କଲେ, ତାହା ମରୁଭୂମି ଆଡ଼କୁ ଥିଲା।
\s ସିହୋନ ଓ ଓଗ୍‍ ରାଜାଙ୍କ ପରାଜୟ
\p
\s5
\v 21 ଏଥିଉତ୍ତାରେ ଇସ୍ରାଏଲ ଇମୋରୀୟମାନଙ୍କ ରାଜା ସୀହୋନ ନିକଟକୁ ଏହା କହି ଦୂତ ପଠାଇଲେ;
\v 22 “ତୁମ୍ଭ ଦେଶ ଦେଇ ଆମ୍ଭକୁ ଯିବାକୁ ଦିଅ; ଆମ୍ଭେମାନେ ଶସ୍ୟକ୍ଷେତ୍ର କି ଦ୍ରାକ୍ଷାକ୍ଷେତ୍ର ଆଡ଼େ ଫେରିବୁ ନାହିଁ; ଆମ୍ଭେମାନେ କୂପରୁ ଜଳ ପାନ କରିବୁ ନାହିଁ; ଆମ୍ଭେମାନେ ତୁମ୍ଭ ସୀମା ପାର ହେବା ପର୍ଯ୍ୟନ୍ତ ରାଜପଥ ଦେଇ ଗମନ କରିବୁ।”
\v 23 ଏଥିରେ ସୀହୋନ ଆପଣା ସୀମା ଦେଇ ଇସ୍ରାଏଲକୁ ଯିବା ପାଇଁ ଦେଲେ ନାହିଁ; ମାତ୍ର ସୀହୋନ ଆପଣାର ସମସ୍ତ ଲୋକଙ୍କୁ ଏକତ୍ର କରି ଇସ୍ରାଏଲର ପ୍ରତିକୂଳରେ ପ୍ରାନ୍ତରକୁ ବାହାର ହେଲେ, ପୁଣି, ଯହସରେ ଉପସ୍ଥିତ ହୋଇ ଇସ୍ରାଏଲ ବିରୁଦ୍ଧରେ ଯୁଦ୍ଧ କଲେ।
\s5
\v 24 ତହିଁରେ ଇସ୍ରାଏଲ ଖଡ୍ଗଧାରରେ ତାଙ୍କୁ ଆଘାତ କରି ଅର୍ଣ୍ଣୋନଠାରୁ ଯବ୍ବୋକ୍‍ ପର୍ଯ୍ୟନ୍ତ, ଅର୍ଥାତ୍‍, ଅମ୍ମୋନ ସନ୍ତାନଗଣଙ୍କର ସୀମା ପର୍ଯ୍ୟନ୍ତ, ତାହାର ଦେଶ ଅଧିକାର କଲେ; କାରଣ ଅମ୍ମୋନ-ସନ୍ତାନଗଣଙ୍କର ସୀମା ଦୃଢ଼ ଥିଲା।
\v 25 ଏହିରୂପେ ଇସ୍ରାଏଲ ସେହି ସମସ୍ତ ନଗର ହସ୍ତଗତ କଲେ ଓ ଇସ୍ରାଏଲ ଇମୋରୀୟମାନଙ୍କର ସମସ୍ତ ନଗରରେ, ଅର୍ଥାତ୍‍ ହିଷ୍‍ବୋନରେ ଓ ତହିଁର ସମସ୍ତ ନଗରରେ ବାସ କଲେ।
\v 26 କାରଣ ହିଷ୍‍ବୋନ ଇମୋରୀୟମାନଙ୍କ ରାଜା ସୀହୋନଙ୍କ ନଗର ଥିଲା, ସେ ମୋୟାବର ପୂର୍ବ ରାଜାର ପ୍ରତିକୂଳରେ ଯୁଦ୍ଧ କରି ତାହା ହସ୍ତରୁ ଅର୍ଣ୍ଣୋନ ପର୍ଯ୍ୟନ୍ତ ତାହାର ସମସ୍ତ ଦେଶ ନେଇଥିଲେ।
\s5
\v 27 ଏନିମନ୍ତେ କବିମାନେ କହନ୍ତି, “ତୁମ୍ଭେମାନେ ହିଷ୍‍ବୋନକୁ ଆସ, ସୀହୋନର ନଗର ନିର୍ମିତ ଓ ଦୃଢ଼ୀକୃତ ହେଉ;
\v 28 କାରଣ ହିଷ୍‍ବୋନଠାରୁ ଅଗ୍ନି, ସୀହୋନ ନଗରଠାରୁ ଅଗ୍ନିଶିଖା ନିର୍ଗତ ହୋଇଅଛି; ତାହା ମୋୟାବର ଆର ନଗରକୁ, ଅର୍ଣ୍ଣୋନସ୍ଥ ଉଚ୍ଚସ୍ଥଳୀର ଦେବଗଣକୁ ଗ୍ରାସ କରିଅଛି।
\s5
\v 29 ହେ ମୋୟାବ, ତୁମ୍ଭର ସନ୍ତାପ ହେଲା ! ହେ କମୋଶର ଲୋକଗଣ, ତୁମ୍ଭେମାନେ ଉଚ୍ଛିନ୍ନ ହେଲ; ସେ ତାହାର ପୁତ୍ରଗଣକୁ ପଳାତକ ରୂପେ ଓ ତାହାର କନ୍ୟାଗଣକୁ ବନ୍ଦୀ ରୂପେ ଇମୋରୀୟ ରାଜା ସୀହୋନର ହସ୍ତରେ ସମର୍ପଣ କରିଅଛି;
\v 30 ଆମ୍ଭେମାନେ ସେମାନଙ୍କୁ ବାଣ ମାରିଅଛୁ; ହିଷ୍‍ବୋନ ଦୀବୋନ୍‍ ପର୍ଯ୍ୟନ୍ତ ବିନଷ୍ଟ ହେଲା, ଆମ୍ଭେମାନେ ନୋଫହ ପର୍ଯ୍ୟନ୍ତ ଧ୍ୱଂସ କଲୁ, ତାହା ମେଦବା ପର୍ଯ୍ୟନ୍ତ ବ୍ୟାପଇ।”
\s5
\v 31 ଏହିରୂପେ ଇସ୍ରାଏଲ ଇମୋରୀୟମାନଙ୍କ ଦେଶରେ ବାସ କଲେ।
\v 32 ଏଥିଉତ୍ତାରେ ମୋଶା ଯାସେର ଅନୁସନ୍ଧାନ କରିବା ପାଇଁ ଲୋକ ପଠାନ୍ତେ, ସେମାନେ ତହିଁର ସକଳ ନଗର ହସ୍ତଗତ କଲେ ଓ ସେଠାସ୍ଥିତ ଇମୋରୀୟମାନଙ୍କୁ ତଡ଼ି ଦେଲେ।
\s5
\v 33 ତହୁଁ ସେମାନେ ଫେରି ବାଶନର ପଥ ଦେଇ ଉଠି ଗଲେ; ତହିଁରେ ବାଶନର ରାଜା ଓଗ୍‍, ସେ ଓ ତାହାର ସମସ୍ତ ଲୋକ ସେମାନଙ୍କ ପ୍ରତିକୂଳରେ ବାହାର ହୋଇ ଇଦ୍ରିୟୀରେ ଯୁଦ୍ଧ କଲେ।
\v 34 ସେହି ସମୟରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତାହାକୁ ଭୟ କର ନାହିଁ; କାରଣ ଆମ୍ଭେ ତାହାକୁ ଓ ତାହାର ସମସ୍ତ ଲୋକଙ୍କୁ ଓ ତାହାର ଦେଶକୁ ତୁମ୍ଭ ହସ୍ତରେ ସମର୍ପଣ କରିଅଛୁ; ତୁମ୍ଭେ ହିଷ୍‍ବୋନବାସୀ ଇମୋରୀୟ ରାଜା ସୀହୋନ ପ୍ରତି ଯେରୂପ କଲ, ତାହା ପ୍ରତି ସେରୂପ କରିବ।”
\v 35 ଏଣୁ ତାହାର କେହି ଅବଶିଷ୍ଟ ନ ରହିବା ପର୍ଯ୍ୟନ୍ତ ସେମାନେ ତାହାକୁ ଓ ତାହାର ପୁତ୍ରଗଣକୁ ଓ ତାହାର ସମସ୍ତ ଲୋକଙ୍କୁ ଆଘାତ କଲେ, ପୁଣି, ସେମାନେ ତାହାର ଦେଶ ଅଧିକାର କଲେ।
\s5
\c 22
\s ବାଲାକଙ୍କ ବିଲୀୟମ୍‍ଙ୍କୁ ଆହ୍ୱାନ
\p
\v 1 ଏଥିଉତ୍ତାରେ ଇସ୍ରାଏଲ ସନ୍ତାନଗଣ ଯାତ୍ରା କରି ଯିରୀହୋ-ନିକଟସ୍ଥ ଯର୍ଦ୍ଦନ ଆଗରେ ମୋୟାବ-ପଦାରେ ଛାଉଣି ସ୍ଥାପନ କଲେ।
\s5
\v 2 ପୁଣି, ଇସ୍ରାଏଲ ଇମୋରୀୟମାନଙ୍କ ପ୍ରତି ଯାହା ଯାହା କରିଥିଲେ, ତାହା ସିପ୍ପୋରର ପୁତ୍ର ବାଲାକ ଦେଖିଲେ।
\v 3 ଏଣୁ ମୋୟାବ ଲୋକମାନଙ୍କ ସକାଶୁ ଅତିଶୟ ଭୀତ ହେଲେ, କାରଣ ସେମାନେ ବହୁତ ଥିଲେ; ଆଉ ମୋୟାବ ଇସ୍ରାଏଲ-ସନ୍ତାନଗଣଙ୍କ ସକାଶୁ ଉଦ୍‍ବିଗ୍ନ ହେଲେ।
\v 4 ଏଥିରେ ମୋୟାବ ମିଦୀୟନୀୟ ପ୍ରାଚୀନଗଣକୁ କହିଲେ, “ଗୋରୁ ଯେପରି ପଦାରୁ ଘାସ ଚାଟି ଖାଏ, ସେପରି ଏହି ଜନତା ଆମ୍ଭମାନଙ୍କ ଚତୁର୍ଦ୍ଦିଗସ୍ଥ ସବୁ ଚାଟି ପକାଇବେ। ଏହି ସମୟରେ ସିପ୍ପୋରର ପୁତ୍ର ବାଲାକ ମୋୟାବର ରାଜା ଥିଲେ।”
\s5
\v 5 ଏନିମନ୍ତେ ସେ ବିୟୋରର ପୁତ୍ର ବିଲୀୟମ୍‍କୁ ଡାକିବା ପାଇଁ ଆପଣା ଲୋକମାନଙ୍କ ସନ୍ତାନଗଣର ଦେଶ-ନିକଟସ୍ଥ ନଦୀର ନିକଟବର୍ତ୍ତୀ ପଥୋର ନଗରକୁ ବାର୍ତ୍ତାବହ ପଠାଇ ଏହା କହିଲେ, “ଦେଖ, ମିସରରୁ ବାହାର ହୋଇ ଏକ ଜନତା ଆସିଅଛନ୍ତି; ଦେଖ, ସେମାନେ ପୃଥିବୀର ମୁଖ ଆଚ୍ଛନ୍ନ କରନ୍ତି; ପୁଣି, ଆମ୍ଭ ସମ୍ମୁଖରେ ବାସ କରନ୍ତି।”
\v 6 ଏହେତୁ ଆମ୍ଭେ ନିବେଦନ କରୁଅଛୁ, ତୁମ୍ଭେ ଆସି ଆମ୍ଭ ନିମନ୍ତେ ଏହି ଲୋକମାନଙ୍କୁ ଅଭିଶାପ ଦିଅ; କାରଣ ସେମାନେ ଆମ୍ଭ ପ୍ରତି ଅତି ବଳବାନ‍; ହୋଇପାରେ, ଆମ୍ଭେ ସେମାନଙ୍କୁ ପରାଜୟ କରି ଦେଶରୁ ଦୂର କରି ପାରିବା; ଯେହେତୁ ଆମ୍ଭେ ଜାଣୁ, ତୁମ୍ଭେ ଯାହାକୁ ଆଶୀର୍ବାଦ କର, ସେ ଆଶୀର୍ବାଦ ପାଏ, ପୁଣି, ତୁମ୍ଭେ ଯାହାକୁ ଅଭିଶାପ ଦିଅ, ସେ ଅଭିଶାପଗ୍ରସ୍ତ ହୁଏ।
\s5
\v 7 ତହିଁରେ ମୋୟାବର ପ୍ରାଚୀନବର୍ଗ ଓ ମିଦୀୟନର ପ୍ରାଚୀନବର୍ଗ ମନ୍ତ୍ରର ପୁରସ୍କାର ହସ୍ତରେ ଘେନି ପ୍ରସ୍ଥାନ କଲେ; ପୁଣି, ସେମାନେ ବିଲୀୟମ୍‍ ନିକଟରେ ଉପସ୍ଥିତ ହୋଇ ବାଲାକଙ୍କ କଥା ତାହାକୁ କହିଲେ।
\v 8 ତହୁଁ ସେ ସେମାନଙ୍କୁ କହିଲା, “ତୁମ୍ଭେମାନେ ଆଜି ରାତ୍ରି ଏଠାରେ ରୁହ, ଆଉ ସଦାପ୍ରଭୁ ମୋତେ ଯାହା କହିବେ, ତାହା ମୁଁ ପୁନର୍ବାର ତୁମ୍ଭମାନଙ୍କୁ ଜଣାଇବି,” ତହିଁରେ ମୋୟାବର ଅଧିପତିମାନେ ବିଲୀୟମ୍‍ ସଙ୍ଗରେ ରହିଲେ।
\s5
\v 9 ଏଉତ୍ତାରେ ପରମେଶ୍ୱର ବିଲୀୟମ୍‍ ନିକଟକୁ ଆସି ତାହାକୁ କହିଲେ, “ତୁମ୍ଭ ସଙ୍ଗରେ ଏହି ଲୋକମାନେ କିଏ” ?
\v 10 ତହୁଁ ବିଲୀୟମ୍‍ ପରମେଶ୍ୱରଙ୍କୁ କହିଲା, “ମୋୟାବର ରାଜା ସିପ୍ପୋରର ପୁତ୍ର ବାଲାକ ମୋ’ ନିକଟକୁ ଏହା କହି ପଠାଇ ଅଛନ୍ତି;
\v 11 ଦେଖ, ଏହି ଯେଉଁ ଲୋକମାନେ ମିସରରୁ ବାହାରି ଆସିଅଛନ୍ତି, ସେମାନେ ସମଗ୍ର ଦେଶକୁ ଆଚ୍ଛନ୍ନ କରିଅଛନ୍ତି; ଏବେ ତୁମ୍ଭେ ଆସି ଆମ୍ଭ ନିମନ୍ତେ ସେମାନଙ୍କୁ ଅଭିଶାପ ଦିଅ, ହୋଇପାରେ, ଆମ୍ଭେ ସେମାନଙ୍କ ବିରୁଦ୍ଧରେ ଯୁଦ୍ଧ କରି ସେମାନଙ୍କୁ ତଡ଼ି ଦେଇ ପାରିବା।”
\s5
\v 12 ତହିଁରେ ପରମେଶ୍ୱର ବିଲୀୟମ୍‍କୁ କହିଲେ, “ତୁମ୍ଭେ ସେମାନଙ୍କ ସଙ୍ଗେ ଯିବ ନାହିଁ; ତୁମ୍ଭେ ସେହି ଲୋକମାନଙ୍କୁ ଅଭିଶାପ ଦେବ ନାହିଁ; କାରଣ ସେମାନେ ଆଶୀର୍ବାଦପ୍ରାପ୍ତ ଅଟନ୍ତି।
\v 13 ଏଥିରେ ବିଲୀୟମ୍‍ ପ୍ରାତଃକାଳରେ ଉଠି ବାଲାକଙ୍କ ଅଧିପତିମାନଙ୍କୁ କହିଲା, “ତୁମ୍ଭେମାନେ ଆପଣା ଦେଶକୁ ଯାଅ, କାରଣ ସଦାପ୍ରଭୁ ମୋତେ ତୁମ୍ଭମାନଙ୍କ ସହିତ ଯିବା ପାଇଁ ଅନୁମତି ଦେବାକୁ ମନା କରିଅଛନ୍ତି।”
\v 14 ଏଣୁ ମୋୟାବର ଅଧିପତିମାନେ ଉଠି ବାଲାକଙ୍କ ନିକଟକୁ ଯାଇ କହିଲେ, “ବିଲୀୟମ୍‍ ଆମ୍ଭମାନଙ୍କ ସଙ୍ଗେ ଆସିବାକୁ ମନା କରୁଅଛି।”
\s5
\v 15 ଏଉତ୍ତାରେ ବାଲାକ ସେମାନଙ୍କଠାରୁ ଅଧିକ ସଂଖ୍ୟକ ଓ ଅଧିକ ସମ୍ଭ୍ରାନ୍ତ ଅଧିପତିମାନଙ୍କୁ ପୁନର୍ବାର ପଠାଇଲେ।
\v 16 ତହୁଁ ସେମାନେ ବିଲୀୟମ୍‍ ନିକଟକୁ ଆସି ତାହାକୁ କହିଲେ, “ସିପ୍ପୋରର ପୁତ୍ର ବାଲାକ ଏହି କଥା କହନ୍ତି, ଆମ୍ଭେ ବିନୟ କରୁଅଛୁ, ଆମ୍ଭ କତିକୁ ଆସିବାକୁ ତୁମ୍ଭେ ନିବାରିତ ହୁଅ ନାହିଁ।”
\v 17 କାରଣ ଆମ୍ଭେ ତୁମ୍ଭକୁ ସମ୍ଭ୍ରମ ଦେଇ ମହାସମ୍ଭ୍ରାନ୍ତ କରିବା, ପୁଣି, ଯାହା ତୁମ୍ଭେ ଆମ୍ଭକୁ କହିବ, ଆମ୍ଭେ ତାହା କରିବା; ଏଣୁ ବିନୟ କରୁଅଛୁ, ଆସ, ଆମ୍ଭ ନିମନ୍ତେ ଏହି ଲୋକମାନଙ୍କୁ ଅଭିଶାପ ଦିଅ।
\s5
\v 18 ଏଥିରେ ବିଲୀୟମ୍‍ ଉତ୍ତର ଦେଇ ବାଲାକଙ୍କ ଦାସମାନଙ୍କୁ କହିଲା, “ଯଦ୍ୟପି ବାଲାକ ରୂପା ଓ ସୁନାରେ ପରିପୂର୍ଣ୍ଣ ଆପଣା ଗୃହ ମୋତେ ଦିଅନ୍ତି, ତଥାପି ଊଣା କି ଅଧିକ କରିବାକୁ ମୁଁ ଆପଣା ପରମେଶ୍ୱର ସଦାପ୍ରଭୁଙ୍କ ବାକ୍ୟର ବାହାରେ ଯାଇ ପାରେ ନାହିଁ।
\v 19 ଏନିମନ୍ତେ ବିନୟ କରୁଅଛି, ତୁମ୍ଭେମାନେ ହେଁ ଆଜି ରାତ୍ରି ଏଠାରେ ରୁହ, ସଦାପ୍ରଭୁ ମୋତେ ଆଉ ଯାହା କହିବେ, ତାହା ମୁଁ ଜାଣିବି।”
\v 20 ଏଥିରେ ପରମେଶ୍ୱର ରାତ୍ରିରେ ବିଲୀୟମ୍‍ ନିକଟକୁ ଆସି କହିଲେ, “ଯଦି ଏହି ଲୋକମାନେ ତୁମ୍ଭକୁ ଡାକିବାକୁ ଆସନ୍ତି, ତେବେ ଉଠ, ସେମାନଙ୍କ ସଙ୍ଗେ ଯାଅ; ମାତ୍ର ଆମ୍ଭେ ତୁମ୍ଭକୁ ଯେଉଁ କଥା କହିବା; କେବଳ ତାହା ହିଁ ତୁମ୍ଭେ କହିବ।”
\s5
\v 21 ତହିଁରେ ବିଲୀୟମ୍‍ ପ୍ରାତଃକାଳରେ ଉଠି ଆପଣା ଗର୍ଦ୍ଦଭୀ ସଜାଇ ମୋୟାବର ଅଧିପତିମାନଙ୍କ ସହିତ ଗମନ କଲା।
\s ବିଲୀୟମ୍‍ଙ୍କ ଗଧ ଏବଂ ଦୂତ
\p
\v 22 ଏଥିରେ ସେ ଯିବା ସକାଶୁ ପରମେଶ୍ୱରଙ୍କ କ୍ରୋଧ ପ୍ରଜ୍ୱଳିତ ହେଲା, ପୁଣି, ସଦାପ୍ରଭୁଙ୍କ ଦୂତ ତାହାର ଶତ୍ରୁ ରୂପେ ପଥ ମଧ୍ୟରେ ଠିଆ ହୋଇ ରହିଲେ; ସେତେବେଳେ ସେ ଆପଣା ଗର୍ଦ୍ଦଭୀ ଉପରେ ଚଢ଼ି ଯାଉଥିଲା ଓ ତାହାର ଦୁଇ ଦାସ ତାହା ସଙ୍ଗରେ ଥିଲେ।
\v 23 ଏଥିରେ ସେହି ଗର୍ଦ୍ଦଭୀ ସଦାପ୍ରଭୁଙ୍କ ଦୂତଙ୍କୁ ପଥ ମଧ୍ୟରେ ନିଷ୍କୋଷ ଖଡ୍ଗ ହସ୍ତରେ ଧରି ଠିଆ ହୋଇଥିବାର ଦେଖିଲା; ତହୁଁ ଗର୍ଦ୍ଦଭୀ ବାଟ ଛାଡ଼ି ବିଲ ଆଡ଼କୁ ଗଲା ତହିଁରେ ବିଲୀୟମ୍‍ ଗର୍ଦ୍ଦଭୀକୁ ବାଟକୁ ଫେରାଇ ଆଣିବା ପାଇଁ ପ୍ରହାର କଲା;
\s5
\v 24 ତେବେ ସଦାପ୍ରଭୁଙ୍କ ଦୂତ ଦୁଇ ଦ୍ରାକ୍ଷାକ୍ଷେତ୍ରର ଏପାଖେ ପ୍ରାଚୀର ଓ ସେପାଖେ ପ୍ରାଚୀର ଥିବା ଗଳିପଥରେ ଠିଆ ହେଲେ।
\v 25 ସେହି ସମୟରେ ଗର୍ଦ୍ଦଭୀ ସଦାପ୍ରଭୁଙ୍କ ଦୂତଙ୍କୁ ଦେଖି କାନ୍ଥ ଆଡ଼କୁ ଠେଲି ହୋଇ ଯିବାରୁ ବିଲୀୟମ୍‍ର ଗୋଡ଼ କାନ୍ଥରେ ଘଷି ହେଲା; ତହିଁରେ ସେ ପୁନର୍ବାର ତାହାକୁ ପ୍ରହାର କଲା।
\s5
\v 26 ଏଉତ୍ତାରେ ସଦାପ୍ରଭୁଙ୍କ ଦୂତ ଆହୁରି ଆଗକୁ ଯାଇ ଏକ ସଂକୀର୍ଣ୍ଣ ସ୍ଥାନରେ ଠିଆ ହେଲେ, ସେଠାରେ ଡାହାଣରେ କିମ୍ବା ବାମରେ ଫେରିବାର ସ୍ଥାନ ନ ଥିଲା।
\v 27 ସେତେବେଳେ ଗର୍ଦ୍ଦଭୀ ସଦାପ୍ରଭୁଙ୍କ ଦୂତଙ୍କୁ ଦେଖି ବିଲୀୟମ୍‍ର ତଳେ ଶୋଇ ପଡ଼ିଲା; ତହିଁରେ ବିଲୀୟମ୍‍ର କ୍ରୋଧ ପ୍ରଜ୍ୱଳିତ ହୁଅନ୍ତେ, ସେ ଗର୍ଦ୍ଦଭୀକୁ ଆପଣା ଯଷ୍ଟିରେ ପ୍ରହାର କଲା।
\s5
\v 28 ତହୁଁ ସଦାପ୍ରଭୁ ଗର୍ଦ୍ଦଭୀର ମୁଖ ଫିଟାଇଲେ, ତେଣୁ ସେ ବିଲୀୟମ୍‍କୁ କହିଲା, “ମୁଁ ତୁମ୍ଭର କଅଣ କଲି ଯେ, ତୁମ୍ଭେ ମୋତେ ଏହି ତିନିଥର ପ୍ରହାର କଲ।”
\v 29 ତେବେ ବିଲୀୟମ୍‍ ଗର୍ଦ୍ଦଭୀକୁ କହିଲା, “କାରଣ ତୁ ମୋତେ ପରିହାସ କରୁଅଛୁ; ମୋ’ ହାତରେ ଖଣ୍ଡା ଥିଲେ ମୁଁ ଏବେ ତୋତେ ବଧ କରନ୍ତି।”
\v 30 ପୁଣି, ଗର୍ଦ୍ଦଭୀ ବିଲୀୟମ୍‍କୁ କହିଲା, “ତୁମ୍ଭେ ଜନ୍ମାବଧି ଆଜି ପର୍ଯ୍ୟନ୍ତ ଯାହା ଉପରେ ଚଢ଼ି ଆସିଅଛ, ମୁଁ କି ତୁମ୍ଭର ସେହି ଗର୍ଦ୍ଦଭୀ ନୁହେଁ ? ମୁଁ କି ପୂର୍ବେ କେବେ ତୁମ୍ଭ ପ୍ରତି ଏପରି କରିଥିଲି” ? ତହୁଁ ସେ କହିଲା, “ନା।”
\s5
\v 31 ଏଥିରେ ସଦାପ୍ରଭୁ ବିଲୀୟମ୍‍ର ଚକ୍ଷୁ ପ୍ରସନ୍ନ କରନ୍ତେ, ସେ ସଦାପ୍ରଭୁଙ୍କ ଦୂତଙ୍କୁ ପଥ ମଧ୍ୟରେ ନିଷ୍କୋଷ ଖଡ୍ଗ ହସ୍ତରେ ଧରି ଠିଆ ହୋଇଥିବାର ଦେଖିଲା; ତହିଁରେ ସେ ମସ୍ତକ ନୁଆଁଇ ମୁହଁ ମାଡ଼ି ପଡ଼ିଲା।
\v 32 ସେତେବେଳେ ସଦାପ୍ରଭୁଙ୍କ ଦୂତ ତାହାକୁ କହିଲେ, “ତୁମ୍ଭେ ଏହି ତିନିଥର ଆପଣା ଗର୍ଦ୍ଦଭୀକୁ କାହିଁକି ପ୍ରହାର କଲ ? ଦେଖ, ଆମ୍ଭେ ତୁମ୍ଭର ଶତ୍ରୁ ରୂପେ ବାହାର ହୋଇଅଛୁ, ଯେହେତୁ ଆମ୍ଭ ସାକ୍ଷାତରେ ତୁମ୍ଭର ଗତି ବିପଥଗାମୀ ହୋଇଅଛି;
\v 33 ପୁଣି, ଗର୍ଦ୍ଦଭୀ ଆମ୍ଭକୁ ଦେଖି ଏହି ତିନିଥର ଆମ୍ଭ ସମ୍ମୁଖରୁ ଫେରିଲା; ସେ ଯଦି ଆମ୍ଭ ସମ୍ମୁଖରୁ ଫେରି ନ ଥା’ନ୍ତା, ତେବେ ନିଶ୍ଚୟ ଆମ୍ଭେ ତୁମ୍ଭକୁ ବଧ କରିଥା’ନ୍ତୁ, ଆଉ ତାହାକୁ ଜୀଅନ୍ତା ରଖିଥା’ନ୍ତୁ।”
\s5
\v 34 ତହିଁରେ ବିଲୀୟମ୍‍ ସଦାପ୍ରଭୁଙ୍କ ଦୂତଙ୍କୁ କହିଲା, “ମୁଁ ପାପ କରିଅଛି; କାରଣ ତୁମ୍ଭେ ଯେ ମୋ’ ବିପକ୍ଷରେ ପଥରେ ଠିଆ ହୋଇଅଛ; ତାହା ମୁଁ ଜାଣିଲି ନାହିଁ; ଏଣୁ ଏବେ, ଯଦି ତାହା ତୁମ୍ଭ ଦୃଷ୍ଟିରେ ମନ୍ଦ ହୁଏ, ତେବେ ମୁଁ ଫେରିଯିବି।”
\v 35 ତହିଁରେ ସଦାପ୍ରଭୁଙ୍କ ଦୂତ ବିଲୀୟମ୍‍କୁ କହିଲେ, “ସେହି ଲୋକମାନଙ୍କ ସଙ୍ଗେ ଯାଅ; ମାତ୍ର ଆମ୍ଭେ ତୁମ୍ଭକୁ ଯେଉଁ କଥା କହିବା, କେବଳ ତାହା ତୁମ୍ଭେ କହିବ।” ତହିଁରେ ବିଲୀୟମ୍‍ ବାଲାକଙ୍କ ଅଧିପତିମାନଙ୍କ ସହିତ ଗମନ କଲା।
\s5
\v 36 ଏଥିଉତ୍ତାରେ ବିଲୀୟମ୍‍ର ଆଗମନ ସମ୍ବାଦ ଶୁଣି ବାଲାକ ତାହା ସଙ୍ଗେ ଭେଟିବା ପାଇଁ ଦେଶର ପ୍ରାନ୍ତସ୍ଥିତ ଅର୍ଣ୍ଣୋନର ସୀମାନ୍ତବର୍ତ୍ତୀ ମୋୟାବ ନଗରକୁ ଗମନ କଲେ।
\v 37 ପୁଣି, ବାଲାକ ବିଲୀୟମ୍‍କୁ କହିଲେ, “ଆମ୍ଭେ କି ତୁମ୍ଭକୁ ଡାକିବା ପାଇଁ ଅତି ଯତ୍ନରେ ଲୋକ ପଠାଇଲୁ ନାହିଁ ? ତୁମ୍ଭେ କାହିଁକି ଆମ୍ଭ ନିକଟକୁ ଆସିଲ ନାହିଁ ? ଆମ୍ଭେ କି ତୁମ୍ଭକୁ ସମ୍ଭ୍ରମ ଦେଇ ସମ୍ଭ୍ରାନ୍ତ କରିବାକୁ ନିତାନ୍ତ ଅସମର୍ଥ ?”
\s5
\v 38 ତହୁଁ ବିଲୀୟମ୍‍ ବାଲାକଙ୍କୁ କହିଲା, “ଏହି ଦେଖ, ମୁଁ ତୁମ୍ଭ ନିକଟକୁ ଆସିଅଛି; ମାତ୍ର ଏବେ କୌଣସି କଥା କହିବାକୁ କି ମୋହର କିଛି ସାମର୍ଥ୍ୟ ଅଛି ? ପରମେଶ୍ୱର ମୋ’ ମୁଖରେ ଯେଉଁ ବାକ୍ୟ ଦେବେ ତାହା ହିଁ ମୁଁ କହିବି।”
\v 39 ଏଉତ୍ତାରେ ବିଲୀୟମ୍‍ ବାଲାକ ସହିତ ଗମନ କରି କିରୀୟଥ୍‍-ହୁଷୋତରେ ଉପସ୍ଥିତ ହେଲା।
\v 40 ତହୁଁ ବାଲାକ ଗୋରୁ ଓ ମେଷ ବଳିଦାନ କରି ବିଲୀୟମ୍‍ ଓ ତାହାର ସଙ୍ଗୀ ଅଧିପତିମାନଙ୍କ ନିକଟକୁ ପଠାଇଲେ।
\s5
\v 41 ପୁଣି, ପ୍ରଭାତରେ ବାଲାକ ବିଲୀୟମ୍‍କୁ ସଙ୍ଗେ ନେଇ ବାଲ୍‍ର
\f +
\fr 22:41
\fq ବାଲ୍‍ର
\ft କିମ୍ବା ବାମତ୍‍ବାଲ
\f* ଉଚ୍ଚସ୍ଥଳୀରେ ଆରୋହଣ କରାଇଲେ; ଆଉ ସେହିଠାରୁ ସେ ଲୋକମାନଙ୍କର ଶେଷ ସୀମା ପର୍ଯ୍ୟନ୍ତ ଦେଖିଲେ।
\s5
\c 23
\s ବିଲୀୟମ୍‍ଙ୍କ ପ୍ରଥମ ଭବିଷ୍ୟତବାଣୀ
\p
\v 1 ଏଥିଉତ୍ତାରେ ବିଲୀୟମ୍‍ ବାଲାକଙ୍କୁ କହିଲା, “ଏହି ସ୍ଥାନରେ ମୋ’ ପାଇଁ ସାତଗୋଟି ଯଜ୍ଞବେଦି ନିର୍ମାଣ କର ଓ ଏହି ସ୍ଥାନରେ ମୋ’ ପାଇଁ ସାତ ଗୋବତ୍ସ ଓ ସାତ ମେଷ ଆୟୋଜନ କର।”
\v 2 ତହିଁରେ ବାଲାକ ବିଲୀୟମ୍‍ର କଥାନୁସାରେ କଲେ; ପୁଣି, ବାଲାକ ଓ ବିଲୀୟମ୍‍ ପ୍ରତ୍ୟେକ ଯଜ୍ଞବେଦିରେ ଏକ ଏକ ଗୋବତ୍ସ ଓ ଏକ ଏକ ମେଷ ଉତ୍ସର୍ଗ କଲେ।
\v 3 ତହୁଁ ବିଲୀୟମ୍‍ ବାଲାକଙ୍କୁ କହିଲା, “ତୁମ୍ଭେ ଆପଣା ହୋମବଳି ନିକଟରେ ଠିଆ ହୁଅ, ମୁଁ ଯିବି କେଜାଣି ସଦାପ୍ରଭୁ ମୋତେ ସାକ୍ଷାତ କରିବାକୁ ଆସିବେ; ଆଉ ସେ ଯାହା ମୋତେ ଦେଖାଇବେ, ତାହା ମୁଁ ତୁମ୍ଭକୁ କହିବି।” ପୁଣି, ସେ ଏକ ଉଚ୍ଚ ସ୍ଥାନକୁ ଗଲା।
\s5
\v 4 ସେତେବେଳେ ପରମେଶ୍ୱର ବିଲୀୟମ୍‍କୁ ସାକ୍ଷାତ କଲେ; ତହିଁରେ ସେ ତାହାଙ୍କୁ କହିଲା, “ମୁଁ ସାତ ଯଜ୍ଞବେଦି ପ୍ରସ୍ତୁତ କରିଅଛି ଓ ମୁଁ ପ୍ରତ୍ୟେକ ଯଜ୍ଞବେଦିରେ ଏକ ଗୋବତ୍ସ ଓ ଏକ ମେଷ ଉତ୍ସର୍ଗ କରିଅଛି।”
\v 5 ସେତେବେଳେ ସଦାପ୍ରଭୁ ବିଲୀୟମ୍‍ର ମୁଖରେ ଏକ ବାକ୍ୟ ଦେଇ ତାହାକୁ କହିଲେ, “ତୁମ୍ଭେ ବାଲାକ ନିକଟକୁ ଫେରି ଯାଅ, ପୁଣି, ତାହାକୁ ଏହିପରି କୁହ।”
\v 6 ତହିଁରେ ସେ ତାଙ୍କ ନିକଟକୁ ଫେରିଗଲା, ସେହି ସମୟରେ ଦେଖ, ସେ ଆପଣା ହୋମବଳି ନିକଟରେ ଠିଆ ହୋଇଥିଲେ, ସେ ଓ ମୋୟାବର ଅଧିପତି ସମସ୍ତେ (ଠିଆ ହୋଇଥିଲେ)।
\s5
\v 7 ତହୁଁ ସେ ଆପଣା ପ୍ରସଙ୍ଗ ନେଇ କହିଲା, “ବାଲାକ ଅରାମଠାରୁ, ମୋୟାବର ରାଜା ପୂର୍ବ ଦିଗସ୍ଥିତ ପର୍ବତ-ଶ୍ରେଣୀରୁ ମୋତେ ଆଣିଅଛି; ଆସ, ଆମ୍ଭ ନିମନ୍ତେ ଯାକୁବକୁ ଅଭିଶାପ ଦିଅ; ପୁଣି, ଆସ, ଇସ୍ରାଏଲକୁ ଅଭିଶପ୍ତ କର।”
\v 8 ପରମେଶ୍ୱର ଯାହାକୁ ଅଭିଶାପ ଦେଇ ନାହାନ୍ତି, ମୁଁ କିପରି ତାହାକୁ ଅଭିଶାପ ଦେବି ? ସଦାପ୍ରଭୁ ଯାହାକୁ ଅଭିଶପ୍ତ କରି ନାହାନ୍ତି, ମୁଁ କିପରି ତାହାକୁ ଅଭିଶପ୍ତ କରିବି ?
\s5
\v 9 କାରଣ ଶୈଳମାଳାର ଶିଖରରୁ ମୁଁ ତାହାକୁ ଦେଖୁଅଛି ଓ ଗିରିଶ୍ରେଣୀରୁ ମୁଁ ତାହାକୁ ଦର୍ଶନ କରୁଅଛି। ଦେଖ, ଏହି ଲୋକମାନେ ଅଲଗା ବାସ କରନ୍ତି, ସେମାନେ ଅନ୍ୟ ଦେଶୀୟମାନଙ୍କ ମଧ୍ୟରେ ଗଣିତ ହେବେ ନାହିଁ।
\s5
\v 10 ଯାକୁବର ଧୂଳି କିଏ ଗଣି ପାରେ ଅବା ଇସ୍ରାଏଲର ଚତୁର୍ଥାଂଶର ସଂଖ୍ୟା କିଏ କହି ପାରେ; ଧାର୍ମିକର ମରଣ ମୁଁ ମରେ, ମୋହର ଶେଷାବସ୍ଥା ତାହାର ତୁଲ୍ୟ ହେଉ।
\s5
\v 11 ଏଥିରେ ବାଲାକ ବିଲୀୟମ୍‍କୁ କହିଲେ, “ତୁମ୍ଭେ ଆମ୍ଭ ପ୍ରତି ଏ କି କଲ ? ଆମ୍ଭର ଶତ୍ରୁମାନଙ୍କୁ ଅଭିଶାପ ଦେବା ପାଇଁ ଆମ୍ଭେ ତୁମ୍ଭକୁ ନେଇଗଲୁ, ଆଉ ଦେଖ, ତୁମ୍ଭେ ସେମାନଙ୍କୁ ସର୍ବୋତୋଭାବେ ଆଶୀର୍ବାଦ କଲ।”
\v 12 ତହିଁରେ ସେ ଉତ୍ତର ଦେଇ କହିଲା, “ସଦାପ୍ରଭୁ ମୋ’ ମୁଖରେ ଯେଉଁ କଥା ଦିଅନ୍ତି, ସାବଧାନ ହୋଇ ତାହା ହିଁ କହିବା କି ମୋହର ଉଚିତ୍‍ ନୁହେଁ ?
\s ବିଲୀୟମ୍‍ଙ୍କ ଦ୍ୱିତୀୟ ଭବିଷ୍ୟତବାଣୀ
\p
\s5
\v 13 ଏଉତ୍ତାରେ ବାଲାକ କହିଲେ, “ଆମ୍ଭେ ନିବେଦନ କରୁଅଛୁ, ତୁମ୍ଭେ ଯେଉଁ ସ୍ଥାନରୁ ସେମାନଙ୍କୁ ଦେଖି ପାରିବ, ଏପରି ଅନ୍ୟ ଏକ ସ୍ଥାନକୁ ଆମ୍ଭ ସଙ୍ଗେ ଆସ; ତୁମ୍ଭେ କେବଳ ସେମାନଙ୍କର ଶେଷସୀମାସ୍ଥିତ ଲୋକମାନଙ୍କୁ ଦେଖିବ, ମାତ୍ର ସମସ୍ତଙ୍କୁ ଦେଖି ପାରିବ ନାହିଁ; ସେହିଠାରୁ ଆମ୍ଭ ନିମନ୍ତେ ସେମାନଙ୍କୁ ଅଭିଶାପ ଦିଅ।”
\v 14 ସେତେବେଳେ ବାଲାକ ତାହାକୁ ପିସ୍‍ଗାର ପୃଷ୍ଠସ୍ଥିତ ସୋଫୀମ୍‍ କ୍ଷେତ୍ରକୁ ନେଇ ଯାଇ ସେହି ସ୍ଥାନରେ ସାତ ବେଦି ନିର୍ମାଣ କଲେ, ପୁଣି, ପ୍ରତ୍ୟେକ ବେଦିରେ ଏକ ଏକ ଗୋବତ୍ସ ଓ ଏକ ଏକ ମେଷ ଉତ୍ସର୍ଗ କଲେ।
\v 15 ତହୁଁ ସେ ବାଲାକଙ୍କୁ କହିଲା, “ମୁଁ ଯେପର୍ଯ୍ୟନ୍ତ ସେହି ସ୍ଥାନରେ ପରମେଶ୍ୱରଙ୍କ ସହିତ ସାକ୍ଷାତ କରିବି, ସେପର୍ଯ୍ୟନ୍ତ ତୁମ୍ଭେ ଏହି ସ୍ଥାନରେ ଆପଣା ହୋମବଳି ନିକଟରେ ଠିଆ ହୋଇଥାଅ।”
\s5
\v 16 ଏଥିରେ ସଦାପ୍ରଭୁ ବିଲୀୟମ୍‍ ସହିତ ସାକ୍ଷାତ କଲେ, ପୁଣି, ତାହାର ମୁଖରେ ଗୋଟିଏ, ବାକ୍ୟ ଦେଇ ତାହାକୁ କହିଲେ, “ତୁମ୍ଭେ ବାଲାକ ନିକଟକୁ ଫେରି ଯାଇ ତାହାକୁ ଏହି କଥା କହିବ।”
\v 17 ତହୁଁ ସେ ତାଙ୍କ ନିକଟକୁ ଆସିଲା, ଆଉ ଦେଖ, ସେ ଆପଣା ହୋମବଳି ନିକଟରେ ଠିଆ ହୋଇଥିଲେ, ଆଉ ମୋୟାବର ଅଧିପତିମାନେ ତାଙ୍କ ସଙ୍ଗରେ ଥିଲେ। ତେବେ ବାଲାକ ତାକୁ ପଚାରିଲେ, ସଦାପ୍ରଭୁ କଅଣ କହିଅଛନ୍ତି ?
\v 18 ତହିଁରେ ସେ ଆପଣା ପ୍ରସଙ୍ଗ ନେଇ କହିଲା, “ହେ ବାଲାକ, ଉଠ, ଶ୍ରବଣ କର; ହେ ସିପ୍ପୋରର ପୁତ୍ର, ମୋ’ କଥାରେ କର୍ଣ୍ଣପାତ କର।”
\s5
\v 19 ପରମେଶ୍ୱର ମନୁଷ୍ୟ ନୁହଁନ୍ତି ଯେ, ସେ ମିଥ୍ୟା କହିବେ; କିଅବା ସେ ମନୁଷ୍ୟର ସନ୍ତାନ ନୁହଁନ୍ତି ଯେ, ସେ ଅନୁତାପ କରିବେ; ସେ କହିଅଛନ୍ତି, ଆଉ ସେ କି ତାହା କରିବେ ନାହିଁ ? ସେ କହିଅଛନ୍ତି, ଆଉ ତାହା କି ସେ ସିଦ୍ଧ କରିବେ ନାହିଁ ?
\v 20 ଦେଖ, ମୁଁ ଆଶୀର୍ବାଦ କରିବାକୁ ଆଜ୍ଞା ପାଇଅଛି; ପୁଣି, ସେ ଆଶୀର୍ବାଦ କରିଅଛନ୍ତି, ଏଣୁ ମୁଁ ତାହା ଅନ୍ୟଥା କରି ନ ପାରେ।
\s5
\v 21 ସେ ଯାକୁବ ମଧ୍ୟରେ ଅଧର୍ମ ଦୃଷ୍ଟିଗୋଚର କରି ନାହାନ୍ତି, କିଅବା ସେ ଇସ୍ରାଏଲ ମଧ୍ୟରେ ଉପଦ୍ରବ ଦେଖି ନାହାନ୍ତି; ସେମାନଙ୍କର ପରମେଶ୍ୱର ସଦାପ୍ରଭୁ ସେମାନଙ୍କ ସଙ୍ଗରେ ଅଛନ୍ତି, ପୁଣି, ରାଜାର ଜୟଧ୍ୱନି ସେମାନଙ୍କ ମଧ୍ୟରେ ଅଛି।
\v 22 ପରମେଶ୍ୱର ସେମାନଙ୍କୁ ମିସରରୁ ବାହାର କରି ଆଣୁଅଛନ୍ତି; ଅରଣା ଷଣ୍ଢ ତୁଲ୍ୟ ସେମାନଙ୍କର ବଳ।
\s5
\v 23 ନିତାନ୍ତ ଯାକୁବ ପାଇଁ କୌଣସି ଗଣକତା ନାହିଁ, କିଅବା ଇସ୍ରାଏଲ ପାଇଁ କୌଣସି ମନ୍ତ୍ର ନାହିଁ; ଏହିକ୍ଷଣି ଯାକୁବ ଓ ଇସ୍ରାଏଲ ବିଷୟରେ କୁହାଯିବ, ପରମେଶ୍ୱର କି କର୍ମ କରିଅଛନ୍ତି !
\s5
\v 24 ଦେଖ, ସେହି ଲୋକସମୂହ ସିଂହୀ ପରି ଉଠୁଅଛନ୍ତି; ପୁଣି, ସେ ସିଂହ ପରି ଆପଣାକୁ ଉଠାଉଅଛି; ଯେପର୍ଯ୍ୟନ୍ତ ସେ ଶିକାର ଭୋଜନ ନ କରେ ଓ ହତ ଲୋକମାନଙ୍କର ରକ୍ତ ପାନ ନ କରେ, ସେପର୍ଯ୍ୟନ୍ତ ଶୟନ କରିବ ନାହିଁ।
\s5
\v 25 ଏଥିଉତ୍ତାରେ ବାଲାକ ବିଲୀୟମ୍‍କୁ କହିଲେ, “ତୁମ୍ଭେ ସେମାନଙ୍କୁ କିଛି ଅଭିଶାପ ଦିଅ ନାହିଁ, କିଅବା ସେମାନଙ୍କୁ କିଛି ଆଶୀର୍ବାଦ କର ନାହିଁ।”
\v 26 ତହିଁରେ ବିଲୀୟମ୍‍ ଉତ୍ତର ଦେଇ ବାଲାକଙ୍କୁ କହିଲା, “ସଦାପ୍ରଭୁ ମୋତେ ଯାହା କିଛି କହିବେ, ତାହା ହିଁ ମୁଁ କରିବି; ଏହା କି ମୁଁ ତୁମ୍ଭକୁ କହି ନାହିଁ” ?
\v 27 ତହୁଁ ବାଲାକ ବିଲୀୟମ୍‍କୁ କହିଲେ, “ବିନୟ କରୁଅଛୁ, ଆସ, ଆମ୍ଭେ ତୁମ୍ଭକୁ ଅନ୍ୟ ଏକ ସ୍ଥାନକୁ ନେଇ ଯିବା; ହୋଇପାରେ, ସେହି ସ୍ଥାନରେ ଆମ୍ଭ ନିମନ୍ତେ ସେମାନଙ୍କୁ ଅଭିଶାପ ଦେବାର ପରମେଶ୍ୱରଙ୍କ ଦୃଷ୍ଟିରେ ଉପଯୁକ୍ତ ହେବ।”
\s5
\v 28 ଏଣୁ ବାଲାକ ବିଲୀୟମ୍‍କୁ ମରୁଭୂମି ଅଭିମୁଖରେ ପିୟୋର ଶିଖରକୁ ନେଇଗଲେ।
\v 29 ତହିଁରେ ବିଲୀୟମ୍‍ ବାଲାକଙ୍କୁ କହିଲା, “ଏହି ସ୍ଥାନରେ ମୋ’ ପାଇଁ ସାତଗୋଟି ବେଦି ନିର୍ମାଣ କର ଓ ଏହି ସ୍ଥାନରେ ମୋ’ ନିମନ୍ତେ ସାତ ଗୋବତ୍ସ ଓ ସାତ ମେଷ ଆୟୋଜନ କର।”
\v 30 ତହୁଁ ବାଲାକ ବିଲୀୟମ୍‍ର କଥାନୁସାରେ କଲେ ଓ ପ୍ରତ୍ୟେକ ବେଦିରେ ଏକ ଏକ ଗୋବତ୍ସ ଓ ଏକ ଏକ ମେଷ ଉତ୍ସର୍ଗ କଲେ।
\s5
\c 24
\s ବିଲୀୟମ୍‍ଙ୍କ ତୃତୀୟ ଭବିଷ୍ୟତ୍‍ବାଣୀ
\p
\v 1 ଏଥିଉତ୍ତାରେ ଇସ୍ରାଏଲକୁ ଆଶୀର୍ବାଦ କରିବା ସଦାପ୍ରଭୁଙ୍କ ଦୃଷ୍ଟିରେ ଭଲ, ଏହା ଦେଖି ବିଲୀୟମ୍‍ ପୂର୍ବ ପରି ଗଣକତା ସାଧିବା ପାଇଁ ଗଲା ନାହିଁ, ମାତ୍ର ପ୍ରାନ୍ତର ଆଡ଼େ ଆପଣା ମୁଖ ରଖିଲା।
\s5
\v 2 ତହିଁରେ ବିଲୀୟମ୍‍ ଅନାଇ ଇସ୍ରାଏଲକୁ ଆପଣା ବଂଶାନୁସାରେ ବାସ କରିବାର ଦେଖିଲା; ପୁଣି, ପରମେଶ୍ୱରଙ୍କ ଆତ୍ମା ତାହା ଉପରେ ଅଧିଷ୍ଠାନ କଲେ।
\v 3 ତେବେ ସେ ଆପଣା ପ୍ରସଙ୍ଗ ନେଇ କହିଲା, “ବିୟୋରର ପୁତ୍ର ବିଲୀୟମ୍‍ କହୁଅଛି ଓ ଯାହାର ଚକ୍ଷୁ ପ୍ରସନ୍ନ ହୋଇଅଛି, ସେହି ବ୍ୟକ୍ତି କହୁଅଛି,
\s5
\v 4 ଯେ ପରମେଶ୍ୱରଙ୍କ ବାକ୍ୟ ଶୁଣୁଅଛି, ଯେ ସର୍ବଶକ୍ତିମାନଙ୍କର ଦର୍ଶନ ପାଉଅଛି, ସେ ତଳେ ପଡ଼ି ଓ ପ୍ରସନ୍ନ ଚକ୍ଷୁ ହୋଇ କହୁଅଛି।
\v 5 ହେ ଯାକୁବ, ତୁମ୍ଭର ତମ୍ବୁସବୁ, ହେ ଇସ୍ରାଏଲ, ତୁମ୍ଭର ଆବାସ ସବୁ କିପରି ମନୋହର !
\s5
\v 6 ତାହାସବୁ ଉପତ୍ୟକା ତୁଲ୍ୟ ବିସ୍ତାରିତ, ନଦୀତୀରସ୍ଥ ଉଦ୍ୟାନ ତୁଲ୍ୟ, ସଦାପ୍ରଭୁଙ୍କ ରୋପିତ ଅଗୁରୁ ବୃକ୍ଷ ସଦୃଶ, ଜଳ ନିକଟସ୍ଥ ଏରସ ବୃକ୍ଷ ସଦୃଶ ଅଟେ।
\s5
\v 7 ତାହାର କଳସରୁ ଜଳ ଉଚ୍ଛୁଳିବ, ତାହାର ବୀଜ ଅନେକ ଜଳରେ ପଡ଼ିବ, ପୁଣି, ତାହାର ରାଜା ଆଗାଗଠାରୁ ଉଚ୍ଚୀକୃତ ହେବେ ଓ ତାହାର ରାଜ୍ୟ ଉନ୍ନତ ହେବ।
\s5
\v 8 ପରମେଶ୍ୱର ତାହାକୁ ମିସରରୁ ବାହାର କରି ଆଣୁଅଛନ୍ତି; ତାହାର ବଳ ଅରଣାର ଷଣ୍ଢ ତୁଲ୍ୟ; ସେ ଆପଣା ବିପକ୍ଷ ଦେଶୀୟମାନଙ୍କୁ ଗ୍ରାସ କରିବ ଓ ସେମାନଙ୍କର ଅସ୍ଥିସବୁ ଚୂର୍ଣ୍ଣ କରିବ ଓ ଆପଣା ବାଣ ଦ୍ୱାରା ସେମାନଙ୍କୁ ଭେଦ କରିବ।
\s5
\v 9 ସେ ନଇଁ ପଡ଼ିଲା, ସେ ସିଂହ ତୁଲ୍ୟ ଓ ସିଂହୀ ତୁଲ୍ୟ ଶୟନ କଲା; କିଏ ତାହାକୁ ଉଠାଇବ ? ଯେଉଁମାନେ ତୁମ୍ଭକୁ ଆଶୀର୍ବାଦ କରନ୍ତି, ସେମାନେ ପ୍ରତ୍ୟେକେ ଆଶୀର୍ବାଦପ୍ରାପ୍ତ ହେଉନ୍ତୁ, ଯେଉଁମାନେ ତୁମ୍ଭକୁ ଅଭିଶାପ ଦିଅନ୍ତି, ସେମାନେ ପ୍ରତ୍ୟେକେ ଅଭିଶାପଗ୍ରସ୍ତ ହେଉନ୍ତୁ।”
\s5
\v 10 ଏଥିରେ ବିଲୀୟମ୍‍ ବିରୁଦ୍ଧରେ ବାଲାକଙ୍କ କ୍ରୋଧ ପ୍ରଜ୍ୱଳିତ ହେଲା, ତହୁଁ ସେ ଆପଣା ହାତରେ ହାତ ମାରିଲେ; ପୁଣି, ବାଲାକ ବିଲୀୟମ୍‍କୁ କହିଲେ, “ଆମ୍ଭେ ଆପଣା ଶତ୍ରୁମାନଙ୍କୁ ଅଭିଶାପ ଦେବା ପାଇଁ ତୁମ୍ଭକୁ ଡାକିଲୁ, ମାତ୍ର ଦେଖ, ତୁମ୍ଭେ ଏହି ତିନିଥର ସେମାନଙ୍କୁ ସର୍ବୋତଭାବେ ଆଶୀର୍ବାଦ କଲ।”
\v 11 ଏନିମନ୍ତେ ତୁମ୍ଭେ ଏବେ ଆପଣା ସ୍ଥାନକୁ ପଳାଅ; ତୁମ୍ଭକୁ ଅତି ସମ୍ଭ୍ରାନ୍ତ କରିବାକୁ ଆମ୍ଭର ବିଚାର ଥିଲା; ମାତ୍ର ଦେଖ, ସଦାପ୍ରଭୁ ତୁମ୍ଭକୁ ସମ୍ଭ୍ରମ ପାଇବାରୁ ବାରଣ କରିଅଛନ୍ତି।
\s5
\v 12 ତହିଁରେ ବିଲୀୟମ୍‍ ବାଲାକଙ୍କୁ କହିଲା, “ମୋ’ ନିକଟକୁ ତୁମ୍ଭେ ଯେଉଁ ଦୂତମାନଙ୍କୁ ପଠାଇଥିଲ, ସେମାନଙ୍କୁ ମୁଁ କ’ଣ କହି ନାହିଁ ?”
\v 13 ଯଦିଓ ବାଲାକ ସୁନା ରୂପାରେ ପୂର୍ଣ୍ଣ ଆପଣା ଗୃହ ମୋତେ ଦେବ, ତେବେ ମୁଁ ଆପଣା ଇଚ୍ଛାରେ ଭଲ କି ମନ୍ଦ କରିବା ପାଇଁ ସଦାପ୍ରଭୁଙ୍କ ବାକ୍ୟର ବାହାରେ ଯାଇ ନ ପାରେ; ଯାହା ସଦାପ୍ରଭୁ କହନ୍ତି, ତାହା ହିଁ ମୁଁ କହିବି।
\s ବିଲୀୟମ୍‍ଙ୍କର ଶେଷ ଭବିଷ୍ୟତବାଣୀ
\p
\v 14 ଏବେ ଦେଖ, ମୁଁ ଆପଣା ଲୋକମାନଙ୍କ ନିକଟକୁ ଯାଉଅଛି; ଆସ, ଏହି ଲୋକମାନେ ଭବିଷ୍ୟତରେ ତୁମ୍ଭ ଲୋକମାନଙ୍କ ପ୍ରତି ଯାହା କରିବେ, ତାହା ମୁଁ ତୁମ୍ଭକୁ ଜ୍ଞାତ କରାଇବି।
\s5
\v 15 ଏଥିରେ ସେ ଆପଣା ପ୍ରସଙ୍ଗ ନେଇ କହିଲା, “ବିୟୋରର ପୁତ୍ର ବିଲୀୟମ୍‍ କହୁଅଛି, ଯାହାର ଚକ୍ଷୁ ପ୍ରସନ୍ନ ହୋଇଅଛି, ସେହି ବ୍ୟକ୍ତି କହୁଅଛି;
\v 16 ଯେ ପରମେଶ୍ୱରଙ୍କ ବାକ୍ୟ ଶୁଣୁଅଛି ଓ ସର୍ବୋପରିସ୍ଥଙ୍କର ତତ୍ତ୍ୱ ଜାଣୁଅଛି, ଯେ ସର୍ବଶକ୍ତିମାନଙ୍କର ଦର୍ଶନ ପାଉଅଛି, ସେ ତଳେ ପଡ଼ି ଓ ପ୍ରସନ୍ନ ଚକ୍ଷୁ ହୋଇ କହୁଅଛି;
\s5
\v 17 ମୁଁ ତାହାଙ୍କୁ ଦେଖୁଅଛି, ମାତ୍ର ସେ ବର୍ତ୍ତମାନ ନୁହନ୍ତି; ମୁଁ ତାହାଙ୍କର ଦର୍ଶନ ପାଉଅଛି, ମାତ୍ର ସେ ନିକଟବର୍ତ୍ତୀ ନୁହନ୍ତି; ଯାକୁବଠାରୁ ଏକ ତାରା ଉଦିତ ହେବ ଓ ଇସ୍ରାଏଲଠାରୁ ଏକ ରାଜଦଣ୍ଡ ଉତ୍ଥିତ ହେବ, ତାହା ମୋୟାବର ପାର୍ଶ୍ୱ
\f +
\fr 24:17
\ft ଅର୍ଥାତ୍ କପାଳ
\f* ଭେଦ କରିବ ଓ ଶେଥର
\f +
\fr 24:17
\fq ଶେଥର
\ft କିମ୍ବା କଳହ
\f* ସମସ୍ତ ସନ୍ତାନକୁ ଚୂର୍ଣ୍ଣ କରିବ।
\s5
\v 18 ପୁଣି, ଇଦୋମ ଏକ ଅଧିକାର ହେବ, ଯେଉଁମାନେ ତାହାର ଶତ୍ରୁ ଥିଲେ, ଏପରି ସେୟୀର ମଧ୍ୟ ଏକ ଅଧିକାର ହେବ, ମାତ୍ର ଇସ୍ରାଏଲ ବୀରର କର୍ମ କରିବ।
\v 19 ପୁଣି, ଯାକୁବଠାରୁ ଉତ୍ପନ୍ନ ଏକ ଜଣ କର୍ତ୍ତୃତ୍ୱ କରିବେ ଓ ଅବଶିଷ୍ଟ ଲୋକମାନଙ୍କୁ ନଗରରୁ ବିନଷ୍ଟ କରିବେ।”
\s5
\v 20 ଏଉତ୍ତାରେ ସେ ଅମାଲେକ ପ୍ରତି ଦୃଷ୍ଟି କରି ଆପଣା ପ୍ରସଙ୍ଗ ନେଇ କହିଲା, “ଅମାଲେକ ନାନା ଦେଶୀୟମାନଙ୍କ ମଧ୍ୟରେ ଅଗ୍ରଗଣ୍ୟ ଥିଲା; ମାତ୍ର ତାହାର ଶେଷାବସ୍ଥା ବିନାଶରେ ଉପସ୍ଥିତ ହେବ।”
\s5
\v 21 ତହୁଁ ସେ କେନୀୟମାନଙ୍କ ପ୍ରତି ଦୃଷ୍ଟି କରି ଆପଣା ପ୍ରସଙ୍ଗ ନେଇ କହିଲା, “ତୁମ୍ଭର ନିବାସ ସ୍ଥାନ ଅତି ଦୃଢ଼ ଓ ତୁମ୍ଭର ବସା ଶୈଳ ଉପରେ ସ୍ଥାପିତ।”
\v 22 ତଥାପି କେନୀୟ କ୍ଷୟପ୍ରାପ୍ତ ହେବ, ଶେଷରେ ଅଶୂର ତୁମ୍ଭକୁ ବନ୍ଦୀ କରି ନେଇ ଯିବ।
\s5
\v 23 ଏଉତ୍ତାରେ ସେ ଆପଣା ପ୍ରସଙ୍ଗ ନେଇ କହିଲା, “ହାୟ ହାୟ, ଯେତେବେଳେ ପରମେଶ୍ୱର ଏହା କରିବେ, ସେତେବେଳେ କିଏ ବଞ୍ଚିବ ?”
\v 24 ମାତ୍ର କିତ୍ତୀମ-ତୀରରୁ ଜାହାଜମାନ ଆସିବ ଓ ସେମାନେ ଅଶୂରକୁ ଦୁଃଖ ଦେବେ, ଆଉ ଏବରକୁ ଦୁଃଖ ଦେବେ, ପୁଣି, ସେ ମଧ୍ୟ ବିନାଶରେ ଉପସ୍ଥିତ ହେବ।
\v 25 ଏଉତ୍ତାରେ ବିଲୀୟମ୍‍ ଉଠି ସ୍ୱସ୍ଥାନକୁ ପ୍ରସ୍ଥାନ କଲା ଓ ବାଲାକ ମଧ୍ୟ ଆପଣା ପଥରେ ଚାଲିଗଲେ।
\s5
\c 25
\s ବାଲପିୟୋର ପ୍ରତି ଆସକ୍ତି
\p
\v 1 ଏଥିଉତ୍ତାରେ ଇସ୍ରାଏଲ ଶିଟୀମରେ ବାସ କଲେ, ପୁଣି, ଲୋକମାନେ ମୋୟାବର କନ୍ୟାଗଣ ସହିତ ବ୍ୟଭିଚାର କରିବାକୁ ଲାଗିଲେ।
\v 2 ପୁଣି, ସେହି କନ୍ୟାମାନେ ଲୋକମାନଙ୍କୁ ଆପଣାମାନଙ୍କ ଦେବଗଣର ବଳିଦାନ ଉପଲକ୍ଷରେ ନିମନ୍ତ୍ରଣ କଲେ; ପୁଣି, ଲୋକମାନେ ଭୋଜନ କଲେ ଓ ସେମାନଙ୍କ ଦେବଗଣକୁ ପ୍ରଣାମ କଲେ।
\v 3 ଆଉ ଇସ୍ରାଏଲ ଆପେ ବାଲ୍‍-ପିୟୋର ପ୍ରତି ଆସକ୍ତ ହେଲେ; ଏଣୁ ସଦାପ୍ରଭୁଙ୍କର କ୍ରୋଧ ଇସ୍ରାଏଲର ପ୍ରତିକୂଳରେ ପ୍ରଜ୍ୱଳିତ ହେଲା।
\s5
\v 4 ଏଥିରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ଲୋକମାନଙ୍କର ସମସ୍ତ ପ୍ରଧାନବର୍ଗଙ୍କୁ ନେଇ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସୂର୍ଯ୍ୟ ସମ୍ମୁଖରେ ସେମାନଙ୍କୁ ଟଙ୍ଗାଅ, ତହିଁରେ ଇସ୍ରାଏଲଠାରୁ ସଦାପ୍ରଭୁଙ୍କର ପ୍ରଚଣ୍ଡ କ୍ରୋଧ ଫେରିବ।”
\v 5 ତହୁଁ ମୋଶା ଇସ୍ରାଏଲର ବିଚାରକର୍ତ୍ତୃଗଣକୁ କହିଲେ, “ତୁମ୍ଭେମାନେ ପ୍ରତ୍ୟେକେ ବାଲ୍‍-ପିୟୋର ପ୍ରତି ଆସକ୍ତ ଆପଣା ଆପଣା ଲୋକମାନଙ୍କୁ ବଧ କର।”
\s5
\v 6 ଏଥିରେ ଦେଖ, ଇସ୍ରାଏଲ-ସନ୍ତାନଗଣଙ୍କ ମଧ୍ୟରୁ ଜଣେ ମୋଶାଙ୍କର ସାକ୍ଷାତରେ ଓ ଇସ୍ରାଏଲ-ସନ୍ତାନଗଣଙ୍କର ସମସ୍ତ ମଣ୍ଡଳୀ ସାକ୍ଷାତରେ ଆପଣା ଜ୍ଞାତିମାନଙ୍କ ନିକଟକୁ ଏକ ମିଦୀୟନୀୟା ସ୍ତ୍ରୀକୁ ଆଣିଲା, ସେତେବେଳେ ଲୋକମାନେ ସମାଗମ-ତମ୍ବୁ ନିକଟରେ ରୋଦନ କରୁଥିଲେ।
\v 7 ତେବେ ହାରୋଣ ଯାଜକର ପୌତ୍ର, ଇଲୀୟାସରର ପୁତ୍ର ପୀନହସ୍‍ ତାହା ଦେଖି ମଣ୍ଡଳୀ ମଧ୍ୟରୁ ଉଠି ହାତରେ ଏକ ବର୍ଚ୍ଛା ନେଲା;
\s5
\v 8 ପୁଣି, ସେ ଇସ୍ରାଏଲୀୟ ସେହି ପୁରୁଷର ପଛେ ପଛେ ତମ୍ବୁ ଭିତରେ ପ୍ରବେଶ କରି ସେହି ଦୁଇ ଜଣକୁ, ଅର୍ଥାତ୍‍, ସେହି ଇସ୍ରାଏଲୀୟ ପୁରୁଷକୁ ଓ ସେହି ସ୍ତ୍ରୀର ପେଟକୁ ବିନ୍ଧି ପକାଇଲା। ତହିଁରେ ଇସ୍ରାଏଲ-ସନ୍ତାନଗଣଙ୍କଠାରୁ ମାରୀ ନିବୃତ୍ତ ହେଲା।
\v 9 ତଥାପି ଚବିଶ ହଜାର ଲୋକ ଏହି ମାରୀରେ ମଲେ।
\s ପୀନହସ୍‍ଙ୍କ ଅନ୍ତର୍ଜ୍ୱାଳା
\p
\s5
\v 10 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
\v 11 “ହାରୋଣ ଯାଜକର ପୌତ୍ର, ଇଲୀୟାସରର ପୁତ୍ର ପୀନହସ୍‍ ଲୋକମାନଙ୍କ ପ୍ରତି ଆମ୍ଭ ଅନ୍ତର୍ଜ୍ୱାଳାରେ ଅନ୍ତର୍ଜ୍ୱାଳା ପ୍ରକାଶ କରି ଇସ୍ରାଏଲ-ସନ୍ତାନଗଣଙ୍କଠାରୁ ଆମ୍ଭର କ୍ରୋଧ ଫେରାଇଅଛି, ତହିଁରେ ଆମ୍ଭେ ଆପଣା ଅନ୍ତର୍ଜ୍ୱାଳାରେ ଇସ୍ରାଏଲ-ସନ୍ତାନଗଣଙ୍କୁ ନିଃଶେଷ ରୂପେ ସଂହାର କଲୁ ନାହିଁ।”
\s5
\v 12 ଏହେତୁ ତୁମ୍ଭେ କୁହ, ଦେଖ, ଆମ୍ଭେ ତାହାକୁ ଆପଣା ଶାନ୍ତିକର ନିୟମ ଦେଲୁ;
\v 13 ତହିଁରେ ତାହା ପ୍ରତି ଓ ତାହା ଉତ୍ତାରେ ତାହାର ସନ୍ତାନଗଣଙ୍କ ପ୍ରତି ଅନନ୍ତକାଳୀନ ଯାଜକତ୍ୱର ନିୟମ ହେବ; କାରଣ ସେ ଆପଣା ପରମେଶ୍ୱରଙ୍କ ପକ୍ଷରେ ଅନ୍ତର୍ଜ୍ୱାଳା ପ୍ରକାଶ କଲା ଓ ଇସ୍ରାଏଲ-ସନ୍ତାନଗଣଙ୍କ ନିମନ୍ତେ ପ୍ରାୟଶ୍ଚିତ୍ତ କଲା।
\s5
\v 14 ଇସ୍ରାଏଲୀୟ ଯେଉଁ ହତ ପୁରୁଷ, ଯେ ସେହି ମିଦୀୟନୀୟା ସ୍ତ୍ରୀ ସହିତ ହତ ହୋଇଥିଲା, ତାହାର ନାମ ସିମ୍ରି, ସେ ଶିମୀୟୋନୀୟ ପିତୃଗୃହର ଅଧିପତି ସାଲୂର ପୁତ୍ର।
\v 15 ପୁଣି, ସେହି ହତ ମିଦୀୟନୀୟା ସ୍ତ୍ରୀର ନାମ କସ୍ୱୀ, ସେ ସୂରର କନ୍ୟା; ସେହି ସୂର୍‍ ମିଦୀୟନୀୟ ଏକ ପିତୃଗୃହର ଲୋକମାନଙ୍କ ମଧ୍ୟରେ ପ୍ରଧାନ ଥିଲା।
\s5
\v 16 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
\v 17 “ମିଦୀୟନୀୟ ଲୋକମାନଙ୍କୁ କ୍ଳେଶ ଦିଅ ଓ ସେମାନଙ୍କୁ ବଧ କର;
\v 18 କାରଣ ପିୟୋର (ଦେବତା) ବିଷୟକ ଛଳରେ ଓ ସେହି ପିୟୋର ଲାଗି ମାରୀ ଦିନରେ ହତ ହେଲା ଯେ ସେମାନଙ୍କ ଆତ୍ମୀୟା କସ୍ୱୀ ନାମ୍ନୀ ମିଦୀୟନୀୟ ରାଜକୁମାରୀ, ତାହାରି ବିଷୟକ ଛଳରେ ସେମାନେ ତୁମ୍ଭମାନଙ୍କୁ ଛଳ କରି କ୍ଳେଶ ଦେଲେ।”
\s5
\c 26
\s ନୂତନ ପିଢ଼ିର ଜନଗଣନା
\p
\v 1 ସେହି ମାରୀ ଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ ଓ ହାରୋଣଙ୍କ ପୁତ୍ର ଇଲୀୟାସର ଯାଜକକୁ, କହିଲେ,
\v 2 “ତୁମ୍ଭେମାନେ ଇସ୍ରାଏଲ ସନ୍ତାନଗଣ ସମସ୍ତ ମଣ୍ଡଳୀ ମଧ୍ୟରୁ ଆପଣା ଆପଣା ପିତୃଗୃହାନୁସାରେ କୋଡ଼ିଏ ବର୍ଷ ବୟସ୍କ ଓ ତହିଁରୁ ଅଧିକ ବୟସ୍କ ଲୋକମାନଙ୍କର, ଅର୍ଥାତ୍‍, ଇସ୍ରାଏଲ ସୈନ୍ୟଶ୍ରେଣୀଭୁକ୍ତ ସମସ୍ତ ଲୋକଙ୍କର ଗଣନା କର।”
\s5
\v 3 ତହିଁରେ ମୋଶା ଓ ଇଲୀୟାସର ଯାଜକ ଯିରୀହୋର ନିକଟସ୍ଥିତ ଯର୍ଦ୍ଦନ ସମୀପରେ ମୋୟାବ-ପଦାରେ ଲୋକମାନଙ୍କ ସଙ୍ଗେ କଥା କହିଲେ,
\v 4 “ମୋଶା ପ୍ରତି ଓ ମିସର ଦେଶରୁ ବହିର୍ଗତ ଇସ୍ରାଏଲ ସନ୍ତାନଗଣ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ, କୋଡ଼ିଏ ବର୍ଷ ବୟସ୍କ ଅବଧି ସମସ୍ତ ଲୋକର ଗଣନା କର।”
\s5
\v 5 ରୁବେନ୍‍, ଇସ୍ରାଏଲର ଜ୍ୟେଷ୍ଠ ପୁତ୍ର; ରୁବେନ୍‍ର ସନ୍ତାନ ହନୋକଠାରୁ ହନୋକୀୟ ବଂଶ; ପଲ୍ଲୂଠାରୁ ପଲ୍ଲୂୟୀୟ ବଂଶ;
\v 6 ହିଷ୍ରୋଣଠାରୁ ହିଷ୍ରୋଣୀୟ ବଂଶ; କର୍ମ୍ମିଠାରୁ କର୍ମିୟ ବଂଶ।
\v 7 ଏମାନେ ରୁବେନ୍‍ର ବଂଶ; ପୁଣି, ଏମାନେ ଗଣାଯା’ନ୍ତେ, ତେୟାଳିଶ ହଜାର ସାତ ଶହ ତିରିଶ ଲୋକ ହେଲେ।
\s5
\v 8 ପଲ୍ଲୂର ସନ୍ତାନ ଇଲୀୟାବ୍‍।
\v 9 ସେହି ଇଲୀୟାବ୍‍ର ସନ୍ତାନ ନମୂୟେଲ, ଦାଥନ ଓ ଅବୀରାମ୍‍; କୋରହର ଦଳୀୟ ଲୋକମାନେ ଯେତେବେଳେ ସଦାପ୍ରଭୁଙ୍କ ପ୍ରତିକୂଳରେ ବିବାଦ କଲେ, ସେତେବେଳେ ସେମାନଙ୍କ ମଧ୍ୟରୁ ମଣ୍ଡଳୀର ଆହୂତ ଲୋକ ଯେ ଦାଥନ ଓ ଅବୀରାମ୍‍ ମୋଶାଙ୍କ ବିରୁଦ୍ଧରେ ଓ ହାରୋଣଙ୍କ ବିରୁଦ୍ଧରେ ବିବାଦ କରିଥିଲେ, ସେମାନେ ଏହି ଦୁଇ ଜଣ।
\s5
\v 10 ସେହି ସମୟରେ ପୃଥିବୀ ଆପଣା ମୁଖ ମେଲାଇ ସେମାନଙ୍କୁ ଓ କୋରହକୁ ଗ୍ରାସ କଲା, ତହିଁରେ ସେହି ଦଳ ନଷ୍ଟ ହେଲେ, ପୁଣି, ଅଗ୍ନି ଦୁଇ ଶହ ପଚାଶ ଜଣକୁ ଦଗ୍ଧ କଲା, ସେମାନେ ଚିହ୍ନ ସ୍ୱରୂପ ହେଲେ।
\v 11 ତଥାପି କୋରହର ସନ୍ତାନମାନେ ମଲେ ନାହିଁ।
\s5
\v 12 ଆପଣା ଆପଣା ବଂଶାନୁସାରେ ଶିମୀୟୋନର ସନ୍ତାନ; ନମୂୟେଲଠାରୁ ନମୂୟେଲୀୟ ବଂଶ; ଯାମୀନ୍‍ଠାରୁ ଯାମୀନୀୟ ବଂଶ; ଯାଖୀନ୍‍ଠାରୁ ଯାଖୀନୀୟ ବଂଶ;
\v 13 ସେରହଠାରୁ ସେରହୀୟ ବଂଶ; ଶୌଲଠାରୁ ଶୌଲୀୟ ବଂଶ।
\v 14 ଶିମୀୟୋନୀୟ ଏହି ସକଳ ବଂଶ ବାଇଶ ହଜାର ଦୁଇ ଶହ ଲୋକ ଥିଲେ।
\s5
\v 15 ଆପଣା ଆପଣା ବଂଶାନୁସାରେ ଗାଦ୍‍ର ସନ୍ତାନ; ସିଫୋନଠାରୁ ସିଫୋନୀୟ ବଂଶ; ହଗିଠାରୁ ହଗୀୟ ବଂଶ; ଶୂନୀଠାରୁ ଶୂନୀୟ ବଂଶ;
\v 16 ଓଷ୍ଣିଠାରୁ ଓଷ୍ଣୀୟ ବଂଶ, ଏରିଠାରୁ ଏରୀୟ ବଂଶ;
\v 17 ଅରୋଦିଠାରୁ ଅରୋଦୀୟ ବଂଶ, ଅରେଲୀଠାରୁ ଅରେଲୀୟ ବଂଶ।
\v 18 ଗାଦ୍‍ ସନ୍ତାନମାନଙ୍କର ଏହି ସକଳ ବଂଶ ଗଣାଯା’ନ୍ତେ, ଚାଳିଶ ହଜାର ପାଞ୍ଚ ଶହ ଲୋକ ହେଲେ।
\s5
\v 19 ଯିହୁଦାର ପୁତ୍ର ଏର ଓ ଓନନ୍‍; ସେହି ଏର ଓ ଓନନ୍‍ କିଣାନ ଦେଶରେ ମରିଥିଲେ।
\v 20 ଆପଣା ଆପଣା ବଂଶାନୁସାରେ ଯିହୁଦାର ସନ୍ତାନ; ଶେଲାଠାରୁ ଶେଲାୟୀୟ ବଂଶ; ପେରସଠାରୁ ପେରସୀୟ ବଂଶ; ସେରହଠାରୁ ସେରହୀୟ ବଂଶ।
\v 21 ପୁଣି, ପେରସର ଏହି ସକଳ ସନ୍ତାନ ହିଷ୍ରୋଣଠାରୁ ହିଷ୍ରୋଣୀୟ ବଂଶ; ହାମୂଲଠାରୁ ହାମୂଲୀୟ ବଂଶ।
\v 22 ଯିହୁଦାର ଏହିସବୁ ବଂଶ ଗଣାଯା’ନ୍ତେ, ଛସ୍ତରି ହଜାର ପାଞ୍ଚ ଶହ ଲୋକ ହେଲେ।
\s5
\v 23 ଆପଣା ଆପଣା ବଂଶାନୁସାରେ ଇଷାଖରର ସନ୍ତାନ; ତୋଲୟଠାରୁ ତୋଲୟୀୟ ବଂଶ; ପୂୟଠାରୁ ପୂୟୀୟ ବଂଶ;
\v 24 ଯାଶୂବଠାରୁ ଯାଶୂବୀୟ ବଂଶ; ଶିମ୍ରୋଣଠାରୁ ଶିମ୍ରୋଣୀୟ ବଂଶ।
\v 25 ଇଷାଖରର ଏହି ସକଳ ବଂଶ ଗଣାଯା’ନ୍ତେ, ଚଉଷଠି ହଜାର ତିନି ଶହ ଲୋକ ହେଲେ।
\s5
\v 26 ଆପଣା ଆପଣା ବଂଶାନୁସାରେ ସବୂଲୂନର ସନ୍ତାନ; ସେରଦଠାରୁ ସେରଦୀୟ ବଂଶ; ଏଲୋନ୍‍ଠାରୁ ଏଲୋନୀୟ ବଂଶ; ଯହଲେଲଠାରୁ ଯହଲେଲୀୟ ବଂଶ।
\v 27 ସବୂଲୂନର ଏହି ସକଳ ବଂଶ ଗଣାଯା’ନ୍ତେ, ଷାଠିଏ ହଜାର ପାଞ୍ଚ ଶହ ଲୋକ ହେଲେ।
\s5
\v 28 ଆପଣା ଆପଣା ବଂଶାନୁସାରେ ଯୋଷେଫଙ୍କ ପୁତ୍ର ମନଃଶି ଓ ଇଫ୍ରୟିମ।
\v 29 ମନଃଶିର ସନ୍ତାନ; ମାଖୀରଠାରୁ ମାଖରୀୟ ବଂଶ; ସେହି ମାଖୀରର ପୁତ୍ର ଗିଲୀୟଦ; ସେହି ଗିଲୀୟଦଠାରୁ ଗିଲୀୟଦୀୟ ବଂଶ।
\s5
\v 30 ଗିଲୀୟଦର ସନ୍ତାନ ଏମାନେ; ଈୟେଷରଠାରୁ ଈୟେଷ୍ରୀୟ ବଂଶ; ହେଲକଠାରୁ ହେଲକୀୟ ବଂଶ,
\v 31 ଅସ୍ରୀୟେଲଠାରୁ ଅସ୍ରୀୟେଲୀୟ ବଂଶ ଓ ଶେଖମଠାରୁ ଶେଖମୀୟ ବଂଶ,
\v 32 ଶମୀଦାଠାରୁ ଶମୀଦାୟୀୟ ବଂଶ ଓ ହେଫରଠାରୁ ହେଫରୀୟ ବଂଶ।
\s5
\v 33 ସେହି ହେଫରର ପୁତ୍ର ଯେ ସଲଫାଦ, ତାହାର ପୁତ୍ର ନ ଥିଲା, କେବଳ କନ୍ୟା ଥିଲା; ସେହି ସଲଫାଦର କନ୍ୟାମାନଙ୍କ ନାମ ମହଲା, ନୋୟା, ହଗ୍‍ଲା, ମିଲ୍‍କା ଓ ତିର୍ସା।
\v 34 ଏମାନେ ମନଃଶିର ବଂଶ, ଏମାନଙ୍କର ଗଣିତ ଲୋକ ବାବନ ହଜାର ସାତ ଶହ ଜଣ।
\s5
\v 35 ଆପଣା ଆପଣା ବଂଶାନୁସାରେ ଇଫ୍ରୟିମର ସନ୍ତାନ; ଶୂଥେଲହଠାରୁ ଶୂଥଲହୀୟ ବଂଶ; ବେଖରଠାରୁ ବେଖ୍ରୀୟ ବଂଶ; ତହନଠାରୁ ତହନୀୟ ବଂଶ।
\v 36 ପୁଣି, ଶୂଥେଲହର ସନ୍ତାନ ଏମାନେ; ଏରଣଠାରୁ ଏରଣୀୟ ବଂଶ।
\v 37 ଇଫ୍ରୟିମର ସନ୍ତାନମାନଙ୍କ ଏହି ସକଳ ବଂଶ ଗଣାଯା’ନ୍ତେ, ବତିଶ ହଜାର ପାଞ୍ଚ ଶହ ଲୋକ ହେଲେ; ଆପଣା ଆପଣା ବଂଶାନୁସାରେ ଏମାନେ ଯୋଷେଫର ସନ୍ତାନ।
\s5
\v 38 ଆପଣା ଆପଣା ବଂଶାନୁସାରେ ବିନ୍ୟାମୀନ୍‍ର ସନ୍ତାନ; ବେଲାଠାରୁ ବେଲାୟୀୟ ବଂଶ: ଅସ୍‍ବେଲଠାରୁ ଅସ୍‍ବେଲୀୟ ବଂଶ; ଅହୀରାମଠାରୁ ଅହୀରାମୀୟ ବଂଶ;
\v 39 ଶୂଫମଠାରୁ ଶୂଫମୀୟ ବଂଶ; ହୂଫମଠାରୁ ହୂଫମୀୟ ବଂଶ।
\v 40 ପୁଣି, ବେଲାର ସନ୍ତାନ ଅର୍ଦ ଓ ନାମାନ୍‍; ଅର୍ଦଠାରୁ ଅର୍ଦୀୟ ବଂଶ; ନାମାନ୍‍ଠାରୁ ନାମାନୀୟ ବଂଶ।
\v 41 ଆପଣା ଆପଣା ବଂଶାନୁସାରେ ଏମାନେ ବିନ୍ୟାମୀନ୍‍ର ସନ୍ତାନ। ଏମାନଙ୍କର ଗଣିତ ଲୋକ ପଞ୍ଚଚାଳିଶ ହଜାର ଛଅ ଶହ ଜଣ।
\s5
\v 42 ଆପଣା ଆପଣା ବଂଶାନୁସାରେ ଏମାନେ ଦାନର ସନ୍ତାନ; ଶୂହମଠାରୁ ଶୂହମୀୟ ବଂଶ। ଏମାନେ ଆପଣା ଆପଣା ବଂଶାନୁସାରେ ଦାନ୍‍ର ବଂଶ।
\v 43 ଶୂହମୀୟ ସମସ୍ତ ବଂଶ ଗଣାଯା’ନ୍ତେ, ଚଉଷଠି ହଜାର ଚାରି ଶହ ଲୋକ ହେଲେ।
\s5
\v 44 ଆପଣା ଆପଣା ବଂଶାନୁସାରେ ଆଶେରର ସନ୍ତାନ; ଯିମ୍ନାଠାରୁ ଯିମ୍ନୀୟ ବଂଶ; ଯିଶ୍‍ବିଠାରୁ ଯିଶ୍‍ବିୟ ବଂଶ; ବରୀୟଠାରୁ ବରୀୟୀୟ ବଂଶ।
\v 45 ବରୀୟର ସନ୍ତାନ ଏମାନେ; ହେବରଠାରୁ ହେବରୀୟ ବଂଶ; ମଲ୍‍କୀୟେଲଠାରୁ ମଲ୍‍କୀୟେଲୀୟ ବଂଶ।
\v 46 ଆଶେରର କନ୍ୟାର ନାମ ସେରହ।
\v 47 ଆଶେରର ସନ୍ତାନମାନଙ୍କ ଏହି ସକଳ ବଂଶ ଗଣାଯା’ନ୍ତେ; ତେପନ ହଜାର ଚାରି ଶହ ଲୋକ ହେଲେ।
\s5
\v 48 ଆପଣା ଆପଣା ବଂଶାନୁସାରେ ନପ୍ତାଲିର ସନ୍ତାନ; ଯହସୀୟେଲଠାରୁ ଯହସୀୟେଲୀୟ ବଂଶ; ଗୂନିଠାରୁ ଗୂନୀୟ ବଂଶ;
\v 49 ଯେତ୍ସରଠାରୁ ଯେତ୍ସରୀୟ ବଂଶ; ଶିଲ୍ଲେମଠାରୁ ଶିଲ୍ଲେମୀୟ ବଂଶ।
\v 50 ଆପଣା ଆପଣା ବଂଶାନୁସାରେ ଏହି ସକଳ ନପ୍ତାଲିର ବଂଶ। ଏମାନଙ୍କର ଗଣିତ ଲୋକ ପଞ୍ଚଚାଳିଶ ହଜାର ଚାରି ଶହ ଜଣ।
\s5
\v 51 ଇସ୍ରାଏଲ-ସନ୍ତାନଗଣଙ୍କ ମଧ୍ୟରେ ଗଣିତ ଲୋକମାନଙ୍କର ସଂଖ୍ୟା ଛଅ ଲକ୍ଷ ଏକ ହଜାର ସାତ ଶହ ତିରିଶ ଥିଲା।
\s5
\v 52 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
\v 53 “ନାମସଂଖ୍ୟାନୁସାରେ ଅଧିକାର ନିମନ୍ତେ ଏମାନଙ୍କ ମଧ୍ୟରେ ଦେଶ ବିଭକ୍ତ ହେବ।
\s5
\v 54 ଯାହାର ଲୋକ ବହୁତ, ତୁମ୍ଭେ ତାହାକୁ ବହୁତ ଅଧିକାର ଦେବ, ପୁଣି, ଯାହାର ଲୋକ ଅଳ୍ପ, ତୁମ୍ଭେ ତାହାକୁ ଅଳ୍ପ ଅଧିକାର ଦେବ, ଯାହାର ଯେତେ ଗଣିତ ଲୋକ, ତାହାକୁ ସେତେ ଅଧିକାର ଦିଆଯିବ।
\v 55 ତଥାପି ଗୁଲିବାଣ୍ଟ ଦ୍ୱାରା ଦେଶ ବିଭକ୍ତ ହେବ; ସେମାନେ ଆପଣା ଆପଣା ପିତୃବଂଶ ନାମାନୁସାରେ ଅଧିକାର ପାଇବେ।
\v 56 ବହୁତ ଓ ଅଳ୍ପ ଲୋକଙ୍କ ମଧ୍ୟରେ ଗୁଲିବାଣ୍ଟ ଅନୁସାରେ ସେମାନଙ୍କର ଅଧିକାର ବିଭକ୍ତ ହେବ।”
\s5
\v 57 ଆପଣା ଆପଣା ବଂଶାନୁସାରେ ଏମାନେ ଲେବୀୟମାନଙ୍କ ମଧ୍ୟରୁ ଗଣିତ ହେଲେ; ଗେର୍ଶୋନଠାରୁ ଗେର୍ଶୋନୀୟ ବଂଶ; କହାତଠାରୁ କହାତୀୟ ବଂଶ; ମରାରିଠାରୁ ମରାରୀୟ ବଂଶ।
\v 58 ଲେବୀୟ ବଂଶ ଏହି; ଲିବ୍‍ନୀୟ ବଂଶ, ହିବ୍ରୋଣୀୟ ବଂଶ, ମହଲୀୟ ବଂଶ, ମୂଶୀୟ ବଂଶ, କୋରହୀ ବଂଶ।
\v 59 ସେହି କହାତର ପୁତ୍ର ଅମ୍ରାମ୍‍; ସେହି ଅମ୍ରମର ଯୋକେବଦ ନାମ୍ନୀ ଭାର୍ଯ୍ୟା ମିସର ଦେଶରେ ଲେବୀର ଔରସଜାତା କନ୍ୟା ଥିଲା। ସେ ଅମ୍ରମର ଔରସରେ ହାରୋଣ, ମୋଶା ଓ ସେମାନଙ୍କ ଭଗିନୀ ମରୀୟମଙ୍କୁ ପ୍ରସବ କଲା।
\s5
\v 60 ହାରୋଣଠାରୁ ନାଦବ ଓ ଅବୀହୂ, ପୁଣି, ଇଲୀୟାସର ଓ ଈଥାମର ଜନ୍ମିଲେ।
\v 61 ମାତ୍ର ନାଦବ୍‍ ଓ ଅବୀହୂ ସଦାପ୍ରଭୁଙ୍କ ସମ୍ମୁଖରେ ଇତର ଅଗ୍ନି ଉତ୍ସର୍ଗ କରନ୍ତେ ମଲେ।
\v 62 ଏମାନଙ୍କ ମଧ୍ୟରେ ଏକ ମାସରୁ ଅଧିକ ବୟସ୍କ ଲୋକ ଗଣାଯା’ନ୍ତେ, ତେଇଶ ହଜାର ଜଣ ହେଲେ; କାରଣ ଇସ୍ରାଏଲ ସନ୍ତାନଗଣ ମଧ୍ୟରେ ସେମାନଙ୍କୁ କୌଣସି ଅଧିକାର ଦତ୍ତ ନୋହିବାରୁ ସେମାନେ ଇସ୍ରାଏଲ ସନ୍ତାନଗଣ ମଧ୍ୟରେ ଗଣିତ ହେଲେ ନାହିଁ।
\s5
\v 63 ଯିରୀହୋ ନିକଟସ୍ଥ ଯର୍ଦ୍ଦନ ସମୀପରେ ମୋୟାବ-ପଦାରେ ଇସ୍ରାଏଲ-ସନ୍ତାନଗଣଙ୍କର ଗଣନାକାରୀ ମୋଶା ଓ ଇଲୀୟାସର ଯାଜକ ଦ୍ୱାରା ଏସମସ୍ତେ ଗଣାଗଲେ।
\v 64 ମାତ୍ର ସୀନୟ-ପ୍ରାନ୍ତରରେ ଇସ୍ରାଏଲ-ସନ୍ତାନଗଣଙ୍କର ଗଣନାକାରୀ ମୋଶା ଓ ହାରୋଣ ଯାଜକ ଦ୍ୱାରା ଯେଉଁମାନେ ଗଣିତ ହୋଇଥିଲେ, ସେମାନଙ୍କ ମଧ୍ୟରୁ ଜଣେ ଏମାନଙ୍କ ମଧ୍ୟରେ ନ ଥିଲା।
\s5
\v 65 କାରଣ ସଦାପ୍ରଭୁ ସେମାନଙ୍କ ବିଷୟରେ କହିଥିଲେ ଯେ, “ସେମାନେ ଅବଶ୍ୟ ଏହି ପ୍ରାନ୍ତରରେ ମରିବେ; ଏହେତୁ ସେମାନଙ୍କ ମଧ୍ୟରୁ ଯିଫୁନ୍ନିର ପୁତ୍ର କାଲେବ ଓ ନୂନର ପୁତ୍ର ଯିହୋଶୂୟ ବ୍ୟତୀତ ଏକ ଜଣ ହିଁ ଅବଶିଷ୍ଟ ରହିଲା ନାହିଁ।”
\s5
\c 27
\s ସଲଫାଦର କନ୍ୟାଗଣ
\p
\v 1 ଏଥିଉତ୍ତାରେ ଯୋଷେଫଙ୍କ ପୁତ୍ର ମନଃଶି ବଂଶୀୟମାନଙ୍କ ମଧ୍ୟରୁ ମନଃଶିର ବୃଦ୍ଧ ପ୍ରପୌତ୍ର, ମାଖୀରର ପ୍ରପୌତ୍ର, ଗିଲୀୟଦର ପୌତ୍ର, ହେଫରର ପୁତ୍ର ଯେ ସଲଫାଦ; ତାହାର କନ୍ୟାଗଣ ନିକଟକୁ ଆସିଲେ; ତାହାର କନ୍ୟାମାନଙ୍କ ନାମ ଏହି, ମହଲା, ନୋୟା, ହଗ୍‍ଲା, ମିଲ୍‍କା ଓ ତିର୍ସା।
\s5
\v 2 ଏମାନେ ମୋଶାଙ୍କ ସମ୍ମୁଖରେ ଓ ଇଲୀୟାସର ଯାଜକ ସମ୍ମୁଖରେ, ପୁଣି, ଅଧିପତିଗଣ ଓ ସମସ୍ତ ମଣ୍ଡଳୀର ସମ୍ମୁଖରେ ସମାଗମ-ତମ୍ବୁ ଦ୍ୱାରରେ ଠିଆ ହୋଇ କହିଲେ,
\v 3 “ଆମ୍ଭମାନଙ୍କ ପିତା ପ୍ରାନ୍ତରରେ ମଲେ, ପୁଣି, ଯେଉଁ କୋରହର ଦଳ ସଦାପ୍ରଭୁଙ୍କ ପ୍ରତିକୂଳରେ ଆପଣାମାନଙ୍କୁ ଏକତ୍ର କରିଥିଲେ, ସେହି ଦଳ ମଧ୍ୟରେ ସେ ନ ଥିଲେ; ମାତ୍ର ସେ ଆପଣା ପାପରେ ମଲେ; ଆଉ ତାଙ୍କର ପୁତ୍ର ନ ଥିଲା।
\s5
\v 4 ଆମ୍ଭମାନଙ୍କ ପିତାଙ୍କର ପୁତ୍ର ନ ଥିବା ସକାଶୁ କାହିଁକି ତାଙ୍କର ନାମ ତାଙ୍କ ବଂଶରୁ ଲୋପ ପାଇବ ? ଆମ୍ଭମାନଙ୍କ ପିତୃବଂଶୀୟ ଭାଇମାନଙ୍କ ମଧ୍ୟରେ ଆମ୍ଭମାନଙ୍କୁ ଅଧିକାର ଦିଅ।”
\v 5 ଏଥିରେ ମୋଶା ସଦାପ୍ରଭୁଙ୍କ ସମ୍ମୁଖରେ ସେମାନଙ୍କର ବିଚାର ଉପସ୍ଥିତ କରାଇଲେ।
\s5
\v 6 ତହୁଁ ସଦାପ୍ରଭୁ ମୋଶାଙ୍କୁ କହିଲେ,
\v 7 “ସଲଫାଦର କନ୍ୟାଗଣ ଯଥାର୍ଥ କହୁଅଛନ୍ତି; ତୁମ୍ଭେ ସେମାନଙ୍କ ପିତୃବଂଶୀୟ ଭ୍ରାତୃଗଣ ମଧ୍ୟରେ ଅବଶ୍ୟ ସେମାନଙ୍କୁ ପୈତୃକ-ଅଧିକାର ଦେବ; ପୁଣି, ତୁମ୍ଭେ ସେମାନଙ୍କୁ ସେମାନଙ୍କ ପୈତୃକ-ଅଧିକାର ସମର୍ପଣ କରିବ।
\v 8 ଆଉ ତୁମ୍ଭେ ଇସ୍ରାଏଲ-ସନ୍ତାନଗଣଙ୍କୁ କୁହ, କୌଣସି ମନୁଷ୍ୟ ମଲେ ଯଦି ତାହାର ପୁତ୍ର ନ ଥାଏ, ତେବେ ତୁମ୍ଭେମାନେ ତାହାର ଅଧିକାର ତାହାର କନ୍ୟାକୁ ସମର୍ପଣ କରିବ।
\s5
\v 9 ଯଦି ତାହାର କନ୍ୟା ନ ଥାଏ, ଯଦି ତାହାର ଅଧିକାର ତାହାର ଭାଇମାନଙ୍କୁ ଦେବ।
\v 10 ପୁଣି, ଯଦି ତାହାର ଭାଇ ନ ଥାଏ, ଯଦି ତାହାର ପିତୃବ୍ୟମାନଙ୍କୁ ତାହାର ଅଧିକାର ଦେବ।
\v 11 ଆଉ ଯଦି ତାହାର ପିତୃବ୍ୟ ନ ଥାଏ, ତେବେ ତାହାର ବଂଶ ମଧ୍ୟରୁ ନିକଟସ୍ଥ ଜ୍ଞାତିକୁ ତାହା ଅଧିକାର ଦେବ ଓ ସେ ତାହା ଅଧିକାର କରିବ; ମୋଶା ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଏହା ଇସ୍ରାଏଲ-ସନ୍ତାନଗଣଙ୍କର ବିଚାର-ବିଧି ହେବ।”
\s ମୋଶାଙ୍କର ଉତ୍ତରାଧିକାରୀ ଯିହୋଶୂୟ
\p
\s5
\v 12 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଏହି ଅବାରୀମ୍ ପର୍ବତ ଆରୋହଣ କର, ପୁଣି, ଆମ୍ଭେ ଇସ୍ରାଏଲ ସନ୍ତାନଗଣଙ୍କୁ ଯେଉଁ ଦେଶ ଦେଇଅଛୁ, ତାହା ନିରୀକ୍ଷଣ କର।
\v 13 ତାହା ନିରୀକ୍ଷଣ କଲା ଉତ୍ତାରେ ତୁମ୍ଭ ଭ୍ରାତା ହାରୋଣ ତୁଲ୍ୟ ତୁମ୍ଭେ ମଧ୍ୟ ଆପଣା ପିତୃଗଣ ନିକଟରେ ସଂଗୃହୀତ ହେବ
\f +
\fr 27:13
\ft ଅର୍ଥାତ୍ ତୁମ୍ଭର ମଧ୍ୟ ମୃତ୍ୟୁ ହେବ
\f* ।
\v 14 ଯେହେତୁ ତୁମ୍ଭେମାନେ ସୀନ୍‍ ପ୍ରାନ୍ତରରେ ମଣ୍ଡଳୀର ବିବାଦରେ ଲୋକମାନଙ୍କ ଦୃଷ୍ଟିଗୋଚରରେ ଜଳ ନିକଟରେ ଆମ୍ଭକୁ ପବିତ୍ର ରୂପେ ମାନ୍ୟ କରିବା ବିଷୟକ ଆମ୍ଭ ଆଜ୍ଞାର ବିରୁଦ୍ଧାଚରଣ କଲ।” (ସେହି ଜଳ ସୀନ୍‍ ପ୍ରାନ୍ତରର କାଦେଶସ୍ଥ ମିରୀବାଃ ଜଳ।)
\s5
\v 15 ତହିଁରେ ମୋଶା ସଦାପ୍ରଭୁଙ୍କୁ କହିଲେ,
\v 16 “ସଦାପ୍ରଭୁ ସର୍ବଶରୀରସ୍ଥ ଆତ୍ମାଗଣର ପରମେଶ୍ୱର ମଣ୍ଡଳୀ ଉପରେ ଏକ ଜଣ ନିଯୁକ୍ତ କରନ୍ତୁ,
\v 17 ଯେ ସେମାନଙ୍କ ଅଗ୍ରଗାମୀ ହୋଇ ବାହାରକୁ ଯାଇ ପାରିବ ଓ ସେମାନଙ୍କ ଅଗ୍ରଗାମୀ ହୋଇ ଭିତରକୁ ଆସି ପାରିବ, ପୁଣି, ଯେ ସେମାନଙ୍କର ପଥ ପ୍ରଦର୍ଶକ ହୋଇ ସେମାନଙ୍କୁ ବାହାରକୁ ନେଇ ପାରିବ ଓ ଭିତରକୁ ଆଣି ପାରିବ; ତାହା କଲେ ସଦାପ୍ରଭୁଙ୍କର ମଣ୍ଡଳୀ ପାଳକବିହୀନ ମେଷପଲ ତୁଲ୍ୟ ହେବ ନାହିଁ।”
\s5
\v 18 ତହୁଁ ସଦାପ୍ରଭୁ ମୋଶାଙ୍କୁ କହିଲେ, “ନୂନର ପୁତ୍ର ଯିହୋଶୂୟକୁ ନିଅ, ସେହି ଲୋକଠାରେ ଆତ୍ମା ଅଛନ୍ତି, ପୁଣି, ତୁମ୍ଭେ ତାହା ଉପରେ ହସ୍ତାର୍ପଣ କର;
\v 19 ଆଉ ଇଲୀୟାସର ଯାଜକ ସମ୍ମୁଖରେ ଓ ସମସ୍ତ ମଣ୍ଡଳୀ ସମ୍ମୁଖରେ ତାହାକୁ ଉପସ୍ଥିତ କରାଇ ସେମାନଙ୍କ ସାକ୍ଷାତରେ ଆଜ୍ଞା ଦିଅ।
\s5
\v 20 ଆହୁରି ଇସ୍ରାଏଲ-ସନ୍ତାନଗଣଙ୍କର ସମସ୍ତ ମଣ୍ଡଳୀ ଯେପରି ତାହାର ଆଜ୍ଞାବହ ହେବେ, ଏଥିପାଇଁ ତୁମ୍ଭେ ଆପଣା ସମ୍ଭ୍ରମ ତାହା ଉପରେ ଅର୍ପଣ କର।
\v 21 ପୁଣି, ସେ ଇଲୀୟାସର ଯାଜକ ସମ୍ମୁଖରେ ଠିଆ ହେବ ଓ ଇଲୀୟାସର ତାହା ପାଇଁ ଊରୀମର ବିଚାର ଦ୍ୱାରା ସଦାପ୍ରଭୁଙ୍କ ସମ୍ମୁଖରେ ପଚାରିବ; ସେମାନେ, ଅର୍ଥାତ୍‍, ସେ ଓ ତାହା ସହିତ ଇସ୍ରାଏଲ ସନ୍ତାନଗଣର ସମୁଦାୟ ମଣ୍ଡଳୀ, ଉଭୟ ତାହାର ଆଜ୍ଞାରେ ବାହାରକୁ ଯିବେ ଓ ତାହାର ଆଜ୍ଞାରେ ଭିତରକୁ ଆସିବେ।”
\s5
\v 22 ଏଥିରେ ମୋଶା ସଦାପ୍ରଭୁଙ୍କ ଆଜ୍ଞାନୁସାରେ କର୍ମ କଲେ; ସେ ଯିହୋଶୂୟଙ୍କୁ ଇଲୀୟାସର ଯାଜକ ସମ୍ମୁଖରେ ଓ ସମୁଦାୟ ମଣ୍ଡଳୀ ସମ୍ମୁଖରେ ଉପସ୍ଥିତ କରାଇଲେ।
\v 23 ପୁଣି, ସେ ତାଙ୍କ ଉପରେ ହସ୍ତାର୍ପଣ କଲେ, ପୁଣି, ସଦାପ୍ରଭୁ ମୋଶାଙ୍କ ହାତରେ ଯେରୂପ କହିଥିଲେ, ସେରୂପ ସେ ତାଙ୍କୁ ଆଜ୍ଞା ଦେଲେ।
\s5
\c 28
\s ଦୈନିକ ନୈବେଦ୍ୟ
\p
\v 1 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
\v 2 “ତୁମ୍ଭେ ଇସ୍ରାଏଲ ସନ୍ତାନଗଣକୁ ଆଜ୍ଞା ଦିଅ ଓ ସେମାନଙ୍କୁ କୁହ, ତୁମ୍ଭେମାନେ ଆମ୍ଭର ତୁଷ୍ଟିଜନକ ଆଘ୍ରାଣାର୍ଥେ ଆମ୍ଭର ଉପହାର, ଅର୍ଥାତ୍‍, ଆମ୍ଭ ଉଦ୍ଦେଶ୍ୟରେ ଅଗ୍ନିକୃତ ନାନା ନୈବେଦ୍ୟାର୍ଥକ ଆମ୍ଭର ଯେଉଁ ଭକ୍ଷ୍ୟ, ତାହା ତହିଁର ନିରୂପିତ ସମୟରେ ଉତ୍ସର୍ଗ କରିବାକୁ ମନୋଯୋଗ କରିବ।
\s5
\v 3 ପୁଣି, ତୁମ୍ଭେ ସେମାନଙ୍କୁ କହିବ, ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଯେଉଁ ଅଗ୍ନିକୃତ ଉପହାର ଉତ୍ସର୍ଗ କରିବ, ତାହା ଏହି; ପ୍ରତି ଦିନ ନିତ୍ୟ ହୋମ ନିମନ୍ତେ ଏକବର୍ଷୀୟ ନିଖୁନ୍ତ ଦୁଇ ମେଷବତ୍ସ।
\v 4 ପ୍ରାତଃକାଳରେ ଏକ ମେଷବତ୍ସ ଉତ୍ସର୍ଗ କରିବ ଓ ସନ୍ଧ୍ୟାକାଳରେ ଏକ ମେଷବତ୍ସ ଉତ୍ସର୍ଗ କରିବ।
\v 5 ପୁଣି, ଭକ୍ଷ୍ୟ-ନୈବେଦ୍ୟ ନିମନ୍ତେ ଏକ ହିନର ଚତୁର୍ଥାଂଶ ପେଷା ତୈଳ ମିଶ୍ରିତ ଏକ ଐଫାର ଦଶମାଂଶ ସରୁ ମଇଦା ଦେବ।
\s5
\v 6 ଏହା ନିତ୍ୟ ହୋମବଳି, ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ରୂପେ ଏହା ସୀନୟ ପର୍ବତରେ ନିରୂପିତ ହୋଇଥିଲା।
\v 7 ପୁଣି, ତହିଁର ଏକ ମେଷବତ୍ସ ନିମନ୍ତେ ଏକ ହିନର ଚତୁର୍ଥାଂଶ ପେୟ-ନୈବେଦ୍ୟ ହେବ। ତୁମ୍ଭେ ପବିତ୍ର ସ୍ଥାନରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପେୟ-ନୈବେଦ୍ୟ ରୂପେ ମଦ୍ୟ ଢାଳିବ।
\s ବିଶ୍ରାମବାରର ନୈବେଦ୍ୟ
\p
\v 8 ଆଉ ତୁମ୍ଭେ ଅନ୍ୟ ମେଷବତ୍ସକୁ ସନ୍ଧ୍ୟାକାଳରେ ଉତ୍ସର୍ଗ କରିବ; ଯେପରି ପ୍ରାତଃକାଳର ଭକ୍ଷ୍ୟ-ନୈବେଦ୍ୟ ଓ ତହିଁର ପେୟ-ନୈବେଦ୍ୟ, ସେପରି ତୁମ୍ଭେ ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତୁଷ୍ଟିଜନକ ଆଘ୍ରାଣାର୍ଥେ ଅଗ୍ନିକୃତ ଉପହାର ରୂପେ ଉତ୍ସର୍ଗ କରିବ।
\s5
\v 9 ଆଉ ବିଶ୍ରାମଦିନରେ ଏକବର୍ଷୀୟ ନିଖୁନ୍ତ ଦୁଇ ମେଷବତ୍ସ ଓ ତୈଳ ମିଶ୍ରିତ ଏକ ଐଫାର ଦୁଇ ଦଶମାଂଶ ସରୁ ମଇଦାର ଭକ୍ଷ୍ୟ-ନୈବେଦ୍ୟ ଓ ତହିଁର ପେୟ-ନୈବେଦ୍ୟ ଉତ୍ସର୍ଗ କରିବ।
\v 10 ନିତ୍ୟ ହୋମ ଓ ତହିଁର ପେୟ-ନୈବେଦ୍ୟ ବ୍ୟତୀତ ପ୍ରତି ବିଶ୍ରାମବାରର ଏହି ହୋମବଳି ହେବ।
\s ମାସର ପ୍ରଥମ ନୈବେଦ୍ୟ
\p
\s5
\v 11 ଆଉ ପ୍ରତି ମାସର ଆରମ୍ଭରେ ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମ ନିମନ୍ତେ ଦୁଇ ପୁଂଗୋବତ୍ସ, ଏକ ମେଷ ଓ ଏକବର୍ଷୀୟ ସାତ ନିଖୁନ୍ତ ମେଷବତ୍ସ ଉତ୍ସର୍ଗ କରିବ।
\v 12 ପୁଣି, ଏକ ଗୋବତ୍ସ ନିମନ୍ତେ ଏକ ଐଫାର ତିନି ଦଶମାଂଶ ତୈଳ ମିଶ୍ରିତ ସରୁ ମଇଦାର ଭକ୍ଷ୍ୟ-ନୈବେଦ୍ୟ ଆଉ ଏକ ମେଷ ନିମନ୍ତେ ଦୁଇ ଦଶମାଂଶ ତୈଳ ମିଶ୍ରିତ ସରୁ ମଇଦାର ଭକ୍ଷ୍ୟ-ନୈବେଦ୍ୟ;
\v 13 ପୁଣି, ଏକ ଏକ ମେଷବତ୍ସ ନିମନ୍ତେ ଏକ ଏକ ଐଫାର ଦଶମାଂଶ ତୈଳ ମିଶ୍ରିତ ସରୁ ମଇଦାର ଭକ୍ଷ୍ୟ-ନୈବେଦ୍ୟ ହେବ; ତହିଁରେ ସେହି ହୋମବଳି ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ହେବ।
\s5
\v 14 ଆଉ ଏକ ଗୋବତ୍ସ ନିମନ୍ତେ ଏକ ହିନର ଅର୍ଦ୍ଧେକ, ଏକ ମେଷ ନିମନ୍ତେ ଏକ ହିନର ତୃତୀୟାଂଶ ଓ ଏକ ମେଷବତ୍ସ ନିମନ୍ତେ ଏକ ହିନର ଚତୁର୍ଥାଂଶ ଦ୍ରାକ୍ଷାରସ ପେୟ-ନୈବେଦ୍ୟ ହେବ; ଏହିସବୁ ନୈବେଦ୍ୟ ବର୍ଷର ପ୍ରତି ମାସର ପ୍ରଥମ ଦିନରେ ଅଣାଯିବ ପୁଣି, ତାହସବୁ ସମ୍ପୂର୍ଣ୍ଣ ହୋମ ହେବ।
\v 15 ପୁଣି, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପାପାର୍ଥକ ବଳି ରୂପେ ଏକ ଛାଗ ଉତ୍ସର୍ଗ କରାଯିବ ନିତ୍ୟ ହୋମ ଓ ତହିଁର ପେୟ-ନୈବେଦ୍ୟ ବ୍ୟତୀତ ତାହା ହେବ।
\s ନିସ୍ତାର ପର୍ବର ନୈବେଦ୍ୟ
\p
\s5
\v 16 ଆହୁରି ପ୍ରଥମ ମାସର ଚତୁର୍ଦ୍ଦଶ ଦିନରେ ସଦାପ୍ରଭୁଙ୍କର ନିସ୍ତାର ପର୍ବ ହେବ।
\v 17 ପୁଣି, ସେହି ମାସର ପଞ୍ଚଦଶ ଦିନରେ ଉତ୍ସବ ହେବ; ସାତ ଦିନ ତାଡ଼ିଶୂନ୍ୟ ରୁଟି ଭୋଜନ କରାଯିବ।
\v 18 ପ୍ରଥମ ଦିନରେ ପବିତ୍ର ସଭା ହେବ; ସେହି ଦିନରେ ତୁମ୍ଭେମାନେ କୌଣସି ବ୍ୟବସାୟ କର୍ମ କରିବ ନାହିଁ।
\s5
\v 19 ମାତ୍ର ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ରୂପେ ହୋମ ନିମନ୍ତେ ଦୁଇ ପୁଂଗୋବତ୍ସ, ଏକ ମେଷ ଓ ଏକବର୍ଷୀୟ ସାତ ମେଷବତ୍ସ, ଏହିସବୁ ନିଖୁନ୍ତ ପଶୁ;
\v 20 ପୁଣି, ଏକ ଗୋବତ୍ସ ନିମନ୍ତେ ତିନି ଦଶମାଂଶ ଓ ଏକ ମେଷ ନିମନ୍ତେ ଦୁଇ ଦଶମାଂଶ,
\v 21 ଆଉ ସାତ ମେଷବତ୍ସ ମଧ୍ୟରେ ଏକ ଏକ ବତ୍ସ ନିମନ୍ତେ ଏକ ଏକ ଦଶମାଂଶ ତୈଳ ମିଶ୍ରିତ ସରୁ ମଇଦାର ଭକ୍ଷ୍ୟ-ନୈବେଦ୍ୟ,
\v 22 ପୁଣି, ତୁମ୍ଭମାନଙ୍କ ନିମନ୍ତେ ପ୍ରାୟଶ୍ଚିତ୍ତ କରିବା ପାଇଁ ପାପାର୍ଥକ ବଳି ରୂପେ ଏକ ଛାଗ,
\s5
\v 23 ଏହି ସମସ୍ତ ତୁମ୍ଭେମାନେ ନିତ୍ୟ ହୋମର ପ୍ରାତଃକାଳୀନ ହୋମ ବ୍ୟତୀତ ଉତ୍ସର୍ଗ କରିବ।
\v 24 ତୁମ୍ଭେମାନେ ଏହି ବିଧି ଅନୁସାରେ ସାତ ଦିନ ପର୍ଯ୍ୟନ୍ତ ପ୍ରତି ଦିନ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଭକ୍ଷ୍ୟ ରୂପ ଉପହାର ଉତ୍ସର୍ଗ କରିବ; ନିତ୍ୟ ହୋମ ଓ ତହିଁର ପେୟ-ନୈବେଦ୍ୟ ବ୍ୟତୀତ ତାହା ଉତ୍ସର୍ଗିତ ହେବ।
\v 25 ପୁଣି, ସପ୍ତମ ଦିନରେ ତୁମ୍ଭମାନଙ୍କର ପବିତ୍ର ସଭା ହେବ; ତୁମ୍ଭେମାନେ କୌଣସି ବ୍ୟବସାୟ କର୍ମ କରିବ ନାହିଁ।
\s ଶସ୍ୟ ଅମଳ ପର୍ବର ନୈବେଦ୍ୟ
\p
\s5
\v 26 ଆହୁରି ପ୍ରଥମ-ପକ୍ୱ ଫଳର ଦିନରେ, ଅର୍ଥାତ୍‍, ଯେଉଁ ସମୟରେ ତୁମ୍ଭେମାନେ ଆପଣାମାନଙ୍କ ଉତ୍ସବ-ସପ୍ତାହମାନଙ୍କରେ ସଦାପ୍ରଭୁଙ୍କ ଛାମୁକୁ ନୂତନ ଭକ୍ଷ୍ୟ-ନୈବେଦ୍ୟ ଆଣିବ, ସେତେବେଳେ ତୁମ୍ଭମାନଙ୍କର ପବିତ୍ର ସଭା ହେବ; ତୁମ୍ଭେମାନେ କୌଣସି ବ୍ୟବସାୟ କର୍ମ କରିବ ନାହିଁ।
\v 27 ମାତ୍ର ତୁମ୍ଭେମାନେ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମବଳି ରୂପେ ଦୁଇ ପୁଂଗୋବତ୍ସ, ଏକ ମେଷ, ଏକବର୍ଷୀୟ ସାତ ମେଷବତ୍ସ;
\v 28 ପୁଣି, ଏକ ଗୋବତ୍ସ ନିମନ୍ତେ ତିନି ଦଶମାଂଶ, ଏକ ମେଷ ନିମନ୍ତେ ଦୁଇ ଦଶମାଂଶ
\s5
\v 29 ଓ ସାତ ମେଷବତ୍ସ ମଧ୍ୟରୁ ଏକ ଏକ ବତ୍ସ ନିମନ୍ତେ ଏକ ଏକ ଦଶମାଂଶ ତୈଳ ମିଶ୍ରିତ ସରୁ ମଇଦାର ଭକ୍ଷ୍ୟ-ନୈବେଦ୍ୟ;
\v 30 ଆଉ ତୁମ୍ଭମାନଙ୍କ ନିମନ୍ତେ ପ୍ରାୟଶ୍ଚିତ୍ତ କରଣାର୍ଥ ଏକ ଛାଗ ଉତ୍ସର୍ଗ କରିବ।
\v 31 ତୁମ୍ଭେମାନେ ନିତ୍ୟ ହୋମ ଓ ତହିଁର ଭକ୍ଷ୍ୟ-ନୈବେଦ୍ୟ ବ୍ୟତୀତ ଏହି ସମସ୍ତ ଓ ତହିଁର ପେୟ-ନୈବେଦ୍ୟ ଉତ୍ସର୍ଗ କରିବ, ଏହିସବୁ ନିଖୁନ୍ତ ହେବ।”
\s5
\c 29
\s ତୂରୀଧ୍ୱନୀ ପର୍ବର ନୈବେଦ୍ୟ
\p
\v 1 ଆଉ ସପ୍ତମ ମାସର ପ୍ରଥମ ଦିନରେ ତୁମ୍ଭମାନଙ୍କର ଗୋଟିଏ ପବିତ୍ର ସଭା ହେବ; ତୁମ୍ଭେମାନେ କୌଣସି ବ୍ୟବସାୟ କର୍ମ କରିବ ନାହିଁ; ସେହି ଦିନ ତୁମ୍ଭମାନଙ୍କ ପ୍ରତି ତୂରୀଧ୍ୱନିର ଦିନ।
\s5
\v 2 ପୁଣି, ତୁମ୍ଭେମାନେ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମବଳି ରୂପେ ନିଖୁନ୍ତ ଏକ ପୁଂଗୋବତ୍ସ, ଏକ ମେଷ ଓ ଏକବର୍ଷୀୟ ସାତ ମେଷବତ୍ସ;
\s5
\v 3 ଆଉ ତହିଁର ଭକ୍ଷ୍ୟ-ନୈବେଦ୍ୟ ରୂପେ ଏକ ଗୋବତ୍ସ ନିମନ୍ତେ ତିନି ଦଶମାଂଶ, ଏକ ମେଷ ନିମନ୍ତେ ଦୁଇ ଦଶମାଂଶ
\v 4 ଓ ସାତ ମେଷବତ୍ସର ଏକ ଏକ ବତ୍ସ ନିମନ୍ତେ ଏକ ଏକ ଦଶମାଂଶ ତୈଳ ମିଶ୍ରିତ ସରୁ ମଇଦା ଉତ୍ସର୍ଗ କରିବ;
\v 5 ପୁଣି, ଆପଣାମାନଙ୍କ ନିମନ୍ତେ ପ୍ରାୟଶ୍ଚିତ୍ତ କରିବା ପାଇଁ ପାପାର୍ଥକ ବଳି ରୂପେ ଏକ ଛାଗ ଉତ୍ସର୍ଗ କରିବ।
\s5
\v 6 ଏହି ସମସ୍ତ, ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅମାବାସ୍ୟାର ହୋମ ଓ ତହିଁର ଅଗ୍ନିକୃତ ଉପହାରର ତୁଷ୍ଟିଜନକ ଆଘ୍ରାଣାର୍ଥେ ଭକ୍ଷ୍ୟ-ନୈବେଦ୍ୟ ଓ ନିତ୍ୟ ହୋମ ଓ ତହିଁର ଭକ୍ଷ୍ୟ-ନୈବେଦ୍ୟ ପୁଣି, ବିଧିମତେ ଉଭୟର ପେୟ-ନୈବେଦ୍ୟ, ବ୍ୟତୀତ ଉତ୍ସର୍ଗ କରିବ।
\s ପ୍ରାୟଶ୍ଚିତ୍ତ ଦିନର ନୈବେଦ୍ୟ
\p
\s5
\v 7 ଆହୁରି ସେହି ସପ୍ତମ ମାସର ଦଶମ ଦିନରେ ତୁମ୍ଭମାନଙ୍କର ଏକ ପବିତ୍ର ସଭା ହେବ; ପୁଣି, ତୁମ୍ଭେମାନେ କୌଣସି ପ୍ରକାର ଖାଦ୍ୟ ଭୋଜନ କରିବ ନାହିଁ; ତୁମ୍ଭେମାନେ କୌଣସି ବ୍ୟବସାୟ କର୍ମ କରିବ ନାହିଁ;
\v 8 ମାତ୍ର ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତୁଷ୍ଟିଜନକ ଆଘ୍ରାଣାର୍ଥେ ହୋମବଳି ରୂପେ ଏକ ପୁଂଗୋବତ୍ସ, ଏକ ମେଷ ଓ ଏକ ବର୍ଷୀୟ ସାତ ମେଷବତ୍ସ, ତୁମ୍ଭ ପ୍ରତି ଏମାନେ ନିଖୁନ୍ତ ହେବେ;
\s5
\v 9 ପୁଣି, ତହିଁର ଭକ୍ଷ୍ୟ-ନୈବେଦ୍ୟ ରୂପେ ଏକ ଗୋବତ୍ସ ନିମନ୍ତେ ତିନି ଦଶମାଂଶ, ଏକ ମେଷ ନିମନ୍ତେ ଦୁଇ ଦଶମାଂଶ
\v 10 ଓ ସାତ ମେଷବତ୍ସର ଏକ ଏକ ମେଷବତ୍ସ ନିମନ୍ତେ ଏକ ଏକ ଦଶମାଂଶ ତୈଳ ମିଶ୍ରିତ ସରୁ ମଇଦା;
\v 11 ପୁଣି, ପାପାର୍ଥକ ବଳି ରୂପେ ଏକ ଛାଗ ଏହି ସମସ୍ତ ତୁମ୍ଭେମାନେ ପ୍ରାୟଶ୍ଚିତ୍ତାର୍ଥକ ପାପବଳି, ନିତ୍ୟ ହୋମ ଓ ତହିଁର ଭକ୍ଷ୍ୟ ଓ ପେୟ-ନୈବେଦ୍ୟ ବ୍ୟତୀତ ଉତ୍ସର୍ଗ କରିବ।
\s ପତ୍ରକୁଟୀର ପର୍ବର ନୈବେଦ୍ୟ
\p
\s5
\v 12 ଆଉ ସପ୍ତମ ମାସର ପଞ୍ଚଦଶ ଦିନରେ ତୁମ୍ଭମାନଙ୍କର ପବିତ୍ର ସଭା ହେବ; ତୁମ୍ଭେମାନେ କୌଣସି ବ୍ୟବସାୟ କର୍ମ କରିବ ନାହିଁ, ପୁଣି, ସାତ ଦିନ ଯାଏ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସବ ପାଳନ କରିବ।
\v 13 ଆଉ ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତୁଷ୍ଟିଜନକ ଆଘ୍ରାଣାର୍ଥେ ଅଗ୍ନିକୃତ ହୋମବଳି ରୂପେ ତେର ପୁଂଗୋବତ୍ସ, ଦୁଇ ମେଷ ଓ ଏକବର୍ଷୀୟ ଚଉଦ ମେଷବତ୍ସ ଉତ୍ସର୍ଗ କରିବ; ଏମାନେ ନିଖୁନ୍ତ ହେବେ।
\s5
\v 14 ପୁଣି, ତହିଁର ଭକ୍ଷ୍ୟ-ନୈବେଦ୍ୟ, ତେର ପୁଂଗୋବତ୍ସ ମଧ୍ୟରୁ ପ୍ରତ୍ୟେକ ବତ୍ସ ନିମନ୍ତେ ତିନି ତିନି ଦଶମାଂଶ, ଦୁଇ ମେଷ ମଧ୍ୟରୁ ପ୍ରତ୍ୟେକ ମେଷ ନିମନ୍ତେ ଦୁଇ ଦୁଇ ଦଶମାଂଶ
\v 15 ଓ ଚଉଦ ମେଷବତ୍ସ ମଧ୍ୟରୁ ପ୍ରତ୍ୟେକ ବତ୍ସ ନିମନ୍ତେ ଏକ ଏକ ଦଶମାଂଶ ତୈଳମିଶ୍ରିତ ସରୁ ମଇଦା;
\v 16 ଆଉ ପାପାର୍ଥକ ବଳି ରୂପେ ଏକ ଛାଗ, ଏହି ସମସ୍ତ ତୁମ୍ଭେମାନେ ନିତ୍ୟ ହୋମ, ତହିଁର ଭକ୍ଷ୍ୟ ଓ ପେୟ-ନୈବେଦ୍ୟ ବ୍ୟତୀତ ଉତ୍ସର୍ଗ କରିବ।
\s5
\v 17 ଆଉ ଦ୍ୱିତୀୟ ଦିନରେ ନିଖୁନ୍ତ ବାର ପୁଂଗୋବତ୍ସ, ଦୁଇ ମେଷ ଓ ଏକବର୍ଷୀୟ ଚଉଦ ମେଷବତ୍ସ,
\v 18 ପୁଣି, ଗୋବତ୍ସର, ମେଷର ଓ ମେଷବତ୍ସମାନଙ୍କ ସଂଖ୍ୟାନୁସାରେ ବିଧିମତେ ଭକ୍ଷ୍ୟ ଓ ପେୟ-ନୈବେଦ୍ୟ,
\v 19 ଆଉ ପାପାର୍ଥକ ବଳି ରୂପେ ଏକ ଛାଗ, ଏସମସ୍ତ ତୁମ୍ଭେମାନେ ନିତ୍ୟ ହୋମ ଓ ତହିଁର ଭକ୍ଷ୍ୟ ଓ ପେୟ- ନୈବେଦ୍ୟ ବ୍ୟତୀତ ଉତ୍ସର୍ଗ କରିବ।
\s5
\v 20 ଆଉ ତୃତୀୟ ଦିନରେ ନିଖୁନ୍ତ ଏଗାର ଗୋବତ୍ସ, ଦୁଇ ମେଷ ଓ ଏକବର୍ଷୀୟ ଚଉଦ ମେଷବତ୍ସ,
\v 21 ପୁଣି, ଗୋବତ୍ସର, ମେଷର ଓ ମେଷବତ୍ସମାନଙ୍କର ସଂଖ୍ୟାନୁସାରେ ବିଧିମତେ ଭକ୍ଷ୍ୟ ଓ ପେୟ-ନୈବେଦ୍ୟ,
\v 22 ଆଉ ପାପାର୍ଥକ ବଳି ରୂପେ ଏକ ଛାଗ, ଏ ସମସ୍ତ ତୁମ୍ଭେମାନେ ନିତ୍ୟ ହୋମ ଓ ତହିଁର ଭକ୍ଷ୍ୟ ଓ ପେୟ-ନୈବେଦ୍ୟ ବ୍ୟତୀତ ଉତ୍ସର୍ଗ କରିବ।
\s5
\v 23 ଆଉ ଚତୁର୍ଥ ଦିନରେ ନିଖୁନ୍ତ ଦଶ ଗୋବତ୍ସ, ଦୁଇ ମେଷ, ଏକବର୍ଷୀୟ ଚଉଦ ମେଷବତ୍ସ,
\v 24 ଗୋବତ୍ସର, ମେଷର, ମେଷବତ୍ସମାନଙ୍କ ସଂଖ୍ୟାନୁସାରେ ବିଧିମତେ ଭକ୍ଷ୍ୟ ଓ ପେୟ-ନୈବେଦ୍ୟ,
\v 25 ପୁଣି, ପାପାର୍ଥକ ବଳି ରୂପେ ଏକ ଛାଗ, ଏସମସ୍ତ ତୁମ୍ଭେମାନେ ନିତ୍ୟ ହୋମ ଓ ତହିଁର ଭକ୍ଷ୍ୟ ଓ ପେୟ-ନୈବେଦ୍ୟ ବ୍ୟତୀତ ଉତ୍ସର୍ଗ କରିବ।
\s5
\v 26 ଆଉ ପଞ୍ଚମ ଦିନରେ ନିଖୁନ୍ତ ନଅ ଗୋବତ୍ସ, ଦୁଇ ମେଷ ଓ ଏକବର୍ଷୀୟ ଚଉଦ ମେଷବତ୍ସ,
\v 27 ପୁଣି, ଗୋବତ୍ସର, ମେଷର ଓ ମେଷବତ୍ସମାନଙ୍କ ସଂଖ୍ୟାନୁସାରେ ବିଧିମତେ ଭକ୍ଷ୍ୟ ଓ ପେୟ-ନୈବେଦ୍ୟ,
\v 28 ପୁଣି, ପାପାର୍ଥକ ବଳି ରୂପେ ଏକ ଛାଗ, ଏସମସ୍ତ ତୁମ୍ଭେମାନେ ନିତ୍ୟ ହୋମ ଓ ତହିଁର ଭକ୍ଷ୍ୟ ଓ ପେୟ- ନୈବେଦ୍ୟ ବ୍ୟତୀତ ଉତ୍ସର୍ଗ କରିବ।
\s5
\v 29 ଆଉ ଷଷ୍ଠ ଦିନରେ ନିଖୁନ୍ତ ଆଠ ଗୋବତ୍ସ, ଦୁଇ ମେଷ ଓ ଏକବର୍ଷୀୟ ଚଉଦ ମେଷବତ୍ସ,
\v 30 ଆଉ ଗୋବତ୍ସର, ମେଷର ଓ ମେଷବତ୍ସମାନଙ୍କ ସଂଖ୍ୟାନୁସାରେ ବିଧିମତେ ଭକ୍ଷ୍ୟ ଓ ପେୟ-ନୈବେଦ୍ୟ,
\v 31 ପୁଣି, ପାପାର୍ଥକ ବଳି ରୂପେ ଏକ ଛାଗ, ଏସମସ୍ତ ତୁମ୍ଭେମାନେ ନିତ୍ୟ ହୋମ ଓ ତହିଁର ଭକ୍ଷ୍ୟ ଓ ପେୟ-ନୈବେଦ୍ୟ ବ୍ୟତୀତ ଉତ୍ସର୍ଗ କରିବ।
\s5
\v 32 ଆଉ ସପ୍ତମ ଦିନରେ ନିଖୁନ୍ତ ସାତ ଗୋବତ୍ସ, ଦୁଇ ମେଷ ଓ ଏକବର୍ଷୀୟ ଚଉଦ ମେଷବତ୍ସ,
\v 33 ଆଉ ଗୋବତ୍ସର, ମେଷର ଓ ମେଷବତ୍ସମାନଙ୍କର ସଂଖ୍ୟାନୁସାରେ ବିଧିମତେ ଭକ୍ଷ୍ୟ ଓ ପେୟ-ନୈବେଦ୍ୟ,
\v 34 ପୁଣି, ପାପାର୍ଥକ ବଳି ରୂପେ ଏକ ଛାଗ, ଏସମସ୍ତ ତୁମ୍ଭେମାନେ ନିତ୍ୟ ହୋମ ଓ ତହିଁର ଭକ୍ଷ୍ୟ ଓ ପେୟ-ନୈବେଦ୍ୟ ବ୍ୟତୀତ ଉତ୍ସର୍ଗ କରିବ।
\s5
\v 35 ଆଉ ଅଷ୍ଟମ ଦିନରେ ତୁମ୍ଭମାନଙ୍କର ମହାସଭା ହେବ; ତୁମ୍ଭେମାନେ କୌଣସି ବ୍ୟବସାୟ କର୍ମ କରିବ ନାହିଁ।
\v 36 ମାତ୍ର ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତୁଷ୍ଟିଜନକ ଆଘ୍ରାଣାର୍ଥେ ଅଗ୍ନିକୃତ ହୋମବଳି ରୂପେ ନିଖୁନ୍ତ ଏକ ଗୋବତ୍ସ, ଏକ ମେଷ ଓ ଏକବର୍ଷୀୟ ସାତ ମେଷବତ୍ସ,
\s5
\v 37 ଆଉ ଗୋବତ୍ସର, ମେଷର ଓ ମେଷବତ୍ସମାନଙ୍କ ସଂଖ୍ୟାନୁସାରେ ବିଧିମତେ ଭକ୍ଷ୍ୟ ଓ ପେୟ-ନୈବେଦ୍ୟ,
\v 38 ପୁଣି, ପାପାର୍ଥକ ବଳିରୂପେ ଏକ ଛାଗ, ଏ ସମସ୍ତ ତୁମ୍ଭେମାନେ ନିତ୍ୟ ହୋମ ଓ ତହିଁର ଭକ୍ଷ୍ୟ ଓ ପେୟ-ନୈବେଦ୍ୟ ବ୍ୟତୀତ ଉତ୍ସର୍ଗ କରିବ।
\s5
\v 39 ତୁମ୍ଭେମାନେ ଏହି ସମସ୍ତ, ଆପଣା ଆପଣା ମାନତ, ସ୍ୱେଚ୍ଛାଦତ୍ତ ଉପହାର ସମ୍ବନ୍ଧୀୟ ତୁମ୍ଭମାନଙ୍କ ହୋମବଳି, ତୁମ୍ଭମାନଙ୍କ ଭକ୍ଷ୍ୟ-ନୈବେଦ୍ୟ, ତୁମ୍ଭମାନଙ୍କ ପେୟ-ନୈବେଦ୍ୟ ଓ ତୁମ୍ଭମାନଙ୍କ ମଙ୍ଗଳାର୍ଥକ ବଳି ବ୍ୟତୀତ ନିରୂପିତ ପର୍ବମାନଙ୍କରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବ।
\v 40 ସଦାପ୍ରଭୁ ମୋଶାଙ୍କୁ ଯେଉଁ ଯେଉଁ ଆଜ୍ଞା ଦେଲେ, ମୋଶା ସେହି ସମସ୍ତ ଇସ୍ରାଏଲ-ସନ୍ତାନଗଣଙ୍କୁ କହିଲେ।
\s5
\c 30
\s ଶପଥ ବିଷୟକ ନିୟମ
\p
\v 1 ଏଥିଉତ୍ତାରେ ମୋଶା ଇସ୍ରାଏଲ ସନ୍ତାନମାନଙ୍କ ବଂଶର ପ୍ରଧାନବର୍ଗଙ୍କୁ କହିଲେ, “ସଦାପ୍ରଭୁ ଏହି ଆଜ୍ଞା ଦେଇଅଛନ୍ତି।
\v 2 କୌଣସି ପୁରୁଷ ଯଦି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ମାନତ କରେ, କିଅବା ବ୍ରତ ଦ୍ୱାରା ଆପଣା ପ୍ରାଣକୁ ଆବଦ୍ଧ କରିବା ପାଇଁ ଶପଥ କରେ, ତେବେ ସେ ଆପଣା ବାକ୍ୟ ଲଙ୍ଘନ କରିବ ନାହିଁ; ସେ ଆପଣା ମୁଖରୁ ନିର୍ଗତ ସମସ୍ତ (ବାକ୍ୟ) ଅନୁସାରେ ସାଧନ କରିବ।
\s5
\v 3 ମଧ୍ୟ କୌଣସି ସ୍ତ୍ରୀ ଯଦି ଯୌବନାବସ୍ଥାରେ ଆପଣା ପିତୃଗୃହରେ ଥିବା ସମୟରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ମାନତ କରେ ଓ ବ୍ରତ ଦ୍ୱାରା ଆପଣାକୁ ଆବଦ୍ଧ କରେ,
\v 4 ପୁଣି, ତାହାର ପିତା ଯଦି ତାହାର ମାନତ ଓ ଯଦ୍ଦ୍ୱାରା ସେ ଆପଣା ପ୍ରାଣକୁ ଆବଦ୍ଧ କରିଅଛି, ତାହାର ସେହି ପ୍ରତିଜ୍ଞାର କଥା ଶୁଣି ତାହାକୁ କିଛି ନ କହେ, ଯଦି ତାହାର ସକଳ ମାନତ ସ୍ଥିର ହେବ; ପୁଣି, ଯଦ୍ଦ୍ୱାରା ସେ ଆପଣା ପ୍ରାଣକୁ ଆବଦ୍ଧ କରିଅଛି, ସେହି ବ୍ରତ ସ୍ଥିର ହେବ।
\s5
\v 5 ମାତ୍ର ତାହାର ପିତା ଯଦି ଶୁଣିବା ଦିନ ତାହାକୁ ନିଷେଧ କରେ, ତେବେ ତାହାର ମାନତ ଓ ଯଦ୍ଦ୍ୱାରା ସେ ଆପଣା ପ୍ରାଣକୁ ଆବଦ୍ଧ କରିଅଛି, ତାହାର ସେହି ବ୍ରତ ସ୍ଥିର ହେବ ନାହିଁ; ପୁଣି, ତାହାର ପିତା ନିଷେଧ କରିବା ସକାଶୁ ସଦାପ୍ରଭୁ ତାହାକୁ କ୍ଷମା କରିବେ।
\s5
\v 6 ଆଉ ଯଦି ସେ ଆପଣା ମାନତର ଅବା ଯଦ୍ଦ୍ୱାରା ସେ ଆପଣା ପ୍ରାଣକୁ ଆବଦ୍ଧ କଲା, ତାହାର ମୁଖନିର୍ଗତ ସେହି ଚଞ୍ଚଳ ବାକ୍ୟର ଅଧୀନା ଥାଉ ଥାଉ କୌଣସି ସ୍ୱାମୀକୁ ବିବାହ କରେ;
\v 7 ପୁଣି, ତାହାର ସ୍ୱାମୀ ତାହା ଶୁଣେ ଓ ସେ ତାହା ଶୁଣିବା ଦିନ ତୁନି ହୋଇ ରହେ; ତେବେ ତାହାର ମାନତ ସ୍ଥିର ହେବ ଓ ଯଦ୍ଦ୍ୱାରା ସେ ଆପଣା ପ୍ରାଣକୁ ଆବଦ୍ଧ କରିଅଛି, ତାହାର ସେହି ବ୍ରତ ସ୍ଥିର ହେବ।
\s5
\v 8 ମାତ୍ର ତାହାର ସ୍ୱାମୀ ତାହା ଶୁଣିବା ଦିନ ଯଦି ତାହାକୁ ନିଷେଧ କରେ, ତେବେ ସେ ତାହାର ମାନତ ଓ ଯଦ୍ଦ୍ୱାରା ସେ ଆପଣା ପ୍ରାଣକୁ ଆବଦ୍ଧ କରିଅଛି, ତାହାର ମୁଖନିର୍ଗତ ସେହି ଚଞ୍ଚଳ ବାକ୍ୟ ବ୍ୟର୍ଥ କରିବ। ତହିଁରେ ସଦାପ୍ରଭୁ ତାହାକୁ କ୍ଷମା କରିବେ।
\s5
\v 9 ମାତ୍ର ବିଧବା କିମ୍ବା ସ୍ୱାମୀତ୍ୟକ୍ତା ସ୍ତ୍ରୀର ମାନତ ଓ ଯେକୌଣସି ବିଷୟରେ ସେ ଆପଣା ପ୍ରାଣକୁ ଆବଦ୍ଧ କରିଅଛି; ସେହିସବୁ ତାହା ନିମନ୍ତେ ସ୍ଥିର ହେବ।
\v 10 ଆଉ ସେ ଯଦି ସ୍ୱାମୀର ଗୃହରେ ମାନତ କରିଥାଏ, ଅବା ଶପଥପୂର୍ବକ ବ୍ରତ ଦ୍ୱାରା ଆପଣା ପ୍ରାଣକୁ ଆବଦ୍ଧ କରିଥାଏ,
\v 11 ପୁଣି, ତାହାର ସ୍ୱାମୀ ତାହା ଶୁଣି ତାହା ପ୍ରତି ତୁନି ହୋଇ ରହେ ଓ ତାହାକୁ ନିଷେଧ ନ କରେ, ତେବେ ତାହାର ସମସ୍ତ ମାନତ ସ୍ଥିର ହେବ; ପୁଣି, ସେ ଯେଉଁସବୁ ପ୍ରତିଜ୍ଞା ଦ୍ୱାରା ଆପଣା ପ୍ରାଣକୁ ଆବଦ୍ଧ କଲା, ତାହାସବୁ ସ୍ଥିର ହେବ।
\s5
\v 12 ମାତ୍ର ତାହାର ସ୍ୱାମୀ ଯଦି ଶୁଣିବା ଦିନ ତାହାସବୁ ରହିତ ଓ ବ୍ୟର୍ଥ କରେ, ତେବେ ତାହାର ମାନତ ବିଷୟରେ ଓ ତାହାର ପ୍ରାଣର ବନ୍ଧନ ବିଷୟରେ ଯେସବୁ କଥା ତାହାର ମୁଖରୁ ନିର୍ଗତ ହୋଇଥିଲା, ସେସବୁ ସ୍ଥିର ହେବ ନାହିଁ; ତାହାର ସ୍ୱାମୀ ସେସବୁ ବ୍ୟର୍ଥ କଲା, ଏଣୁ ସଦାପ୍ରଭୁ ତାହାକୁ କ୍ଷମା କରିବେ।
\s5
\v 13 ତାହାର ସ୍ୱାମୀ ତାହାର ପ୍ରତ୍ୟେକ ମାନତ ଓ ପ୍ରାଣକୁ କ୍ଳେଶ ଦେବାର ପ୍ରତିଜ୍ଞାଯୁକ୍ତ ପ୍ରତ୍ୟେକ ଶପଥ ସ୍ଥିର କରି ପାରେ, ଅବା ତାହାର ସ୍ୱାମୀ ବ୍ୟର୍ଥ କରି ପାରେ।
\v 14 ମାତ୍ର ତାହାର ସ୍ୱାମୀ ଯଦି ଦିନକୁ ଦିନ ତାହା ପ୍ରତି ସର୍ବତୋଭାବେ ତୁନି ହୋଇ ରହେ, ତେବେ ସେ ତାହାର ସମସ୍ତ ମାନତ ଅବା ତାହାର ସମସ୍ତ ପ୍ରତିଜ୍ଞା ସ୍ଥିର କରେ। ସେ ତାହା ଶୁଣିବା ଦିନ ତୁନି ହୋଇ ରହିବାରୁ ତାହା ସ୍ଥିର କଲା।
\s5
\v 15 ମାତ୍ର ତାହା ଶୁଣିଲା ଉତ୍ତାରେ ଯଦି ସେ ତାହା ରହିତ ଓ ବ୍ୟର୍ଥ କରେ, ତେବେ ସେ ସ୍ତ୍ରୀର ଅପରାଧ ବୋହିବ।”
\v 16 ପୁରୁଷ ଓ ତାହାର ଭାର୍ଯ୍ୟା ବିଷୟରେ, ପିତା ଓ ପିତୃଗୃହସ୍ଥିତା ଯୁବତୀ କନ୍ୟା ବିଷୟରେ ସଦାପ୍ରଭୁ ମୋଶାଙ୍କୁ ଏହି ସମସ୍ତ ଆଜ୍ଞା ଦେଲେ।
\s5
\c 31
\s ମିଦୀୟନ ବିରୁଦ୍ଧରେ ପ୍ରତିଶୋଧ
\p
\v 1 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
\v 2 “ତୁମ୍ଭେ ଇସ୍ରାଏଲ ସନ୍ତାନଗଣ ସକାଶେ ମିଦୀୟନୀୟମାନଙ୍କୁ ପ୍ରତିଫଳ ଦିଅ; ତହିଁ ଉତ୍ତାରେ ତୁମ୍ଭେ ଆପଣା ଲୋକଙ୍କ ନିକଟରେ ସଂଗୃହୀତ ହେବ।”
\s5
\v 3 ତହିଁରେ ମୋଶା ଲୋକମାନଙ୍କୁ କହିଲେ, “ତୁମ୍ଭେମାନେ ଯୁଦ୍ଧ ନିମନ୍ତେ ଆପଣାମାନଙ୍କ ମଧ୍ୟରୁ କେତେକ ଲୋକଙ୍କୁ ପ୍ରସ୍ତୁତ କର; ସେମାନେ ମିଦୀୟନୀୟମାନଙ୍କ ଉପରେ ସଦାପ୍ରଭୁଙ୍କ ଦଣ୍ଡାଜ୍ଞା ସଫଳ କରିବା ନିମନ୍ତେ ମିଦୀୟନୀୟମାନଙ୍କ ବିରୁଦ୍ଧରେ ଯିବେ।
\v 4 ତୁମ୍ଭେମାନେ ଇସ୍ରାଏଲ-ବଂଶର ପ୍ରତ୍ୟେକ ବଂଶରୁ ଏକ ଏକ ସହସ୍ର ଲୋକ ଯୁଦ୍ଧକୁ ପଠାଇବ।”
\v 5 ତହୁଁ ସହସ୍ର ସହସ୍ର ଇସ୍ରାଏଲ ମଧ୍ୟରେ ପ୍ରତ୍ୟେକ ବଂଶରୁ ଏକ ଏକ ସହସ୍ର ଲୋକ, ଏହିରୂପେ ବାର ସହସ୍ର ଲୋକ ଯୁଦ୍ଧ ପାଇଁ ସଜ୍ଜିତ ହେଲେ।
\s5
\v 6 ପୁଣି, ମୋଶା ଏକ ଏକ ବଂଶରୁ ଏକ ଏକ ସହସ୍ର ଲୋକଙ୍କୁ ଯୁଦ୍ଧକୁ ପଠାଇଲେ ଓ ଇଲୀୟାସର ଯାଜକର ପୁତ୍ର ପୀନହସ୍‍ର ହସ୍ତରେ ପବିତ୍ର ସ୍ଥାନର ପାତ୍ର ଓ ରଣତୂରୀ ଦେଇ ତାହାକୁ ସେମାନଙ୍କ ସଙ୍ଗେ ଯୁଦ୍ଧକୁ ପଠାଇଲେ।
\v 7 ତହୁଁ ସେମାନେ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ମିଦୀୟନୀୟମାନଙ୍କ ବିରୁଦ୍ଧରେ ଯୁଦ୍ଧ କଲେ; ପୁଣି, ସେମାନେ ପ୍ରତ୍ୟେକ ପୁରୁଷକୁ ବଧ କଲେ।
\v 8 ଆଉ ଅନ୍ୟାନ୍ୟ ହତ ଲୋକଙ୍କ ସହିତ ସେମାନେ ମିଦୀୟନୀୟ ରାଜାମାନଙ୍କୁ, ଅର୍ଥାତ୍‍ ଇବି, ରେକମ୍‍, ସୂର୍‍, ହୂର ଓ ରେବା, ଏହି ମିଦୀୟନୀୟ ପାଞ୍ଚ ରାଜାଙ୍କୁ ବଧ କଲେ; ବିୟୋରର ପୁତ୍ର ବିଲୀୟମ୍‍କୁ ମଧ୍ୟ ସେମାନେ ଖଡ୍ଗରେ ବଧ କଲେ।
\s5
\v 9 ଆଉ ଇସ୍ରାଏଲ ସନ୍ତାନଗଣ ମିଦୀୟନର ସ୍ତ୍ରୀଲୋକମାନଙ୍କୁ ଓ ସେମାନଙ୍କ ପିଲାମାନଙ୍କୁ ବନ୍ଦୀ କରି ନେଲେ; ଆଉ ସେମାନଙ୍କର ସମସ୍ତ ପଶୁ, ସମସ୍ତ ମେଷପଲ ଓ ସମସ୍ତ ସମ୍ପତ୍ତି ଲୁଟି କରି ନେଲେ।
\v 10 ଆଉ ସେମାନଙ୍କର ସକଳ ନିବାସ ନଗର ଓ ସକଳ ଛାଉଣି ଅଗ୍ନିରେ ଦଗ୍ଧ କଲେ।
\s5
\v 11 ଆଉ ସେମାନେ ସମସ୍ତ ଲୁଟିତ ଦ୍ରବ୍ୟ, ପୁଣି, ସମସ୍ତ ଧୃତ ମନୁଷ୍ୟ ଓ ପଶୁ ନେଇଗଲେ।
\v 12 ପୁଣି, ସେମାନେ ଯିରୀହୋ ନିକଟବର୍ତ୍ତୀ ଯର୍ଦ୍ଦନ ତୀରସ୍ଥ ମୋୟାବ-ପଦାରେ ସ୍ଥାପିତ ଛାଉଣିକୁ ମୋଶାଙ୍କର, ଇଲୀୟାସର ଯାଜକର, ଇସ୍ରାଏଲ ସନ୍ତାନଗଣର ସମସ୍ତ ମଣ୍ଡଳୀ ନିକଟକୁ ସେହି ବନ୍ଦୀମାନଙ୍କୁ, ଧୃତ ପ୍ରାଣୀମାନଙ୍କୁ ଓ ସକଳ ଲୁଟିତ ଦ୍ରବ୍ୟ ଆଣିଲେ।
\s5
\v 13 ତହିଁରେ ମୋଶା, ଇଲୀୟାସର ଯାଜକ ଓ ମଣ୍ଡଳୀର ଅଧ୍ୟକ୍ଷଗଣ ସେମାନଙ୍କୁ ଭେଟିବାକୁ ଛାଉଣିର ବାହାରକୁ ଗଲେ।
\v 14 ସେତେବେଳେ ମୋଶା ଯୁଦ୍ଧକ୍ଷେତ୍ରରୁ ଆଗତ ସେନାପତିମାନଙ୍କ ପ୍ରତି, ଅର୍ଥାତ୍‍, ସହସ୍ରପତି ଓ ଶତପତିମାନଙ୍କ ପ୍ରତି କ୍ରୋଧ କଲେ।
\v 15 ଆଉ ମୋଶା ସେମାନଙ୍କୁ କହିଲେ, “ତୁମ୍ଭେମାନେ କି ସମସ୍ତ ସ୍ତ୍ରୀଲୋକଙ୍କୁ ଜୀବିତ ରଖିଅଛ ?
\s5
\v 16 ଦେଖ, ଏମାନେ ବିଲୀୟମ୍‍ର ପରାମର୍ଶରେ ପିୟୋର ଦେବତା ବିଷୟରେ ଇସ୍ରାଏଲ-ସନ୍ତାନଗଣଙ୍କୁ ସଦାପ୍ରଭୁଙ୍କ ବିରୁଦ୍ଧରେ ସତ୍ୟ-ଲଙ୍ଘନ କରାଇଲେ, ତହିଁ ନିମନ୍ତେ ସଦାପ୍ରଭୁଙ୍କ ମଣ୍ଡଳୀ ମଧ୍ୟରେ ମହାମାରୀ ହେଲା।
\v 17 ଏଣୁ ତୁମ୍ଭେମାନେ ଏବେ ପିଲାମାନଙ୍କ ମଧ୍ୟରୁ ସମସ୍ତ ପୁରୁଷ ପିଲାମାନଙ୍କୁ ବଧ କର, ପୁଣି, ଯେଉଁ ସ୍ତ୍ରୀଲୋକମାନେ ପୁରୁଷର ସହବାସ ଜ୍ଞାତ ହୋଇଅଛନ୍ତି, ସେମାନଙ୍କୁ ବଧ କର।
\s5
\v 18 ମାତ୍ର ଯେଉଁ ସ୍ତ୍ରୀର ପିଲାମାନେ ପୁରୁଷର ସହବାସ ଜ୍ଞାତ ହୋଇ ନାହାନ୍ତି, ସେହି ସମସ୍ତଙ୍କୁ ଆପଣାମାନଙ୍କ ନିମନ୍ତେ ଜୀବିତ ରଖ।
\v 19 ଆଉ ତୁମ୍ଭେମାନେ ସାତ ଦିନ ଛାଉଣିର ବାହାରେ ଛାଉଣି ସ୍ଥାପନ କରିବ; ତୁମ୍ଭେମାନେ ଯେତେ ଲୋକ ମନୁଷ୍ୟର ହତ୍ୟା କରିଅଛ ଓ ହତ ଲୋକଙ୍କୁ ସ୍ପର୍ଶ କରିଅଛ, ସମସ୍ତେ ତୃତୀୟ ଦିନରେ, ସପ୍ତମ ଦିନରେ ଆପଣାମାନଙ୍କୁ ଓ ଆପଣା ଆପଣା ବନ୍ଦୀମାନଙ୍କୁ ପାପରୁ ପରିଷ୍କାର କର।
\v 20 ପୁଣି, ଯାବତୀୟ ବସ୍ତ୍ର, ଚର୍ମନିର୍ମିତ ଯାବତୀୟ ବସ୍ତୁ, ଛାଗର ଲୋମରେ ନିର୍ମିତ ଯାବତୀୟ ବସ୍ତୁ ଓ କାଷ୍ଠନିର୍ମିତ ଯାବତୀୟ ବସ୍ତୁ ସମ୍ବନ୍ଧରେ ତୁମ୍ଭେମାନେ ଆପଣାମାନଙ୍କୁ ପାପରୁ ପରିଷ୍କାର କରିବ।”
\s5
\v 21 ତହୁଁ ଇଲୀୟାସର ଯାଜକ ଯୁଦ୍ଧକୁ ଯାଇଥିବା ଯୋଦ୍ଧାମାନଙ୍କୁ କହିଲା, “ସଦାପ୍ରଭୁ ମୋଶାଙ୍କୁ ଯେଉଁ ବ୍ୟବସ୍ଥାର ଆଜ୍ଞା ଦେଇଥିଲେ, ତହିଁର ବିଧି ଏହି;
\v 22 ତଥାପି ସୁନା, ରୂପା, ପିତ୍ତଳ, ଲୁହା, ଦସ୍ତା ଓ ସୀସା,
\v 23 ଯେଉଁ ସମସ୍ତ ଦ୍ରବ୍ୟ ଅଗ୍ନି ସହିପାରେ, ସେସବୁକୁ ଅଗ୍ନିରେ ପକାଇବ, ତହିଁରେ ତାହା ଶୁଚି ହେବ; ତେବେ ହେଁ ତାହା ପାପାର୍ଥକ ଜଳରେ ପରିଷ୍କୃତ କରାଯିବ; ପୁଣି, ଯେଉଁ ସବୁ ଦ୍ରବ୍ୟ ଅଗ୍ନି ସହେ ନାହିଁ, ତାହା ତୁମ୍ଭେମାନେ ଜଳରେ ପକାଇବ।
\v 24 ପୁଣି, ତୁମ୍ଭେମାନେ ସପ୍ତମ ଦିନରେ ଆପଣା ଆପଣା ବସ୍ତ୍ର ଧୋଇବ, ତହିଁରେ ତୁମ୍ଭେମାନେ ଶୁଚି ହେବ; ତହିଁ ଉତ୍ତାରେ ତୁମ୍ଭେମାନେ ଛାଉଣିରେ ପ୍ରବେଶ କରିବ।”
\s5
\v 25 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
\v 26 “ତୁମ୍ଭେ, ଇଲୀୟାସର ଯାଜକ ଓ ମଣ୍ଡଳୀସ୍ଥ ପିତୃଗୃହର ପ୍ରଧାନମାନେ ଯୁଦ୍ଧରେ ଧୃତ ଜୀବଗଣର, ଅର୍ଥାତ୍‍, ବନ୍ଦୀ ମନୁଷ୍ୟର ଓ ପଶୁର ସଂଖ୍ୟା କର।”
\v 27 ପୁଣି, ଯୁଦ୍ଧରେ ଧୃତ ସେହି ଜୀବମାନଙ୍କୁ ଯୁଦ୍ଧକୁ ଯାଇଥିବା ନିପୁଣ ଯୋଦ୍ଧାମାନଙ୍କର ଓ ସମସ୍ତ ମଣ୍ଡଳୀର ମଧ୍ୟରେ ବିଭାଗ କର।
\s5
\v 28 ପୁଣି, ଯୁଦ୍ଧକୁ ଯାଇଥିବା ଯୋଦ୍ଧାମାନଙ୍କଠାରୁ ସଦାପ୍ରଭୁଙ୍କ ନିମନ୍ତେ କର ଗ୍ରହଣ କର; ସେମାନଙ୍କର ଲଭ୍ୟ ଅର୍ଦ୍ଧାଂଶରୁ ମନୁଷ୍ୟ, ଗୋରୁ, ଗର୍ଦ୍ଦଭ ଓ ମେଷମାନଙ୍କର,
\v 29 ପ୍ରତି ପାଞ୍ଚଶହରୁ ଗୋଟିଏ ଲେଖାଏଁ ଜୀବ ନେଇ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ତୋଳନୀୟ ଉପହାର ନିମନ୍ତେ ଇଲୀୟାସର ଯାଜକକୁ ଦିଅ;
\s5
\v 30 ପୁଣି, ଇସ୍ରାଏଲ ସନ୍ତାନଗଣର ଲଭ୍ୟ ଅର୍ଦ୍ଧାଂଶରୁ ତୁମ୍ଭେ ମନୁଷ୍ୟ, ଗୋରୁ, ଗର୍ଦ୍ଦଭ ଓ ମେଷାଦି ସମସ୍ତ ପଶୁର ପ୍ରତ୍ୟେକ ପାଞ୍ଚଶହରୁ ଗୋଟିଏ ଲେଖାଏଁ ନେଇ ସଦାପ୍ରଭୁଙ୍କ ଆବାସ ରକ୍ଷଣୀୟ-ରକ୍ଷକ ଲେବୀୟମାନଙ୍କୁ ଦିଅ;
\v 31 ତହିଁରେ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ମୋଶା ଓ ଇଲୀୟାସର ଯାଜକ କଲେ।
\s5
\v 32 ଯୋଦ୍ଧାମାନେ ଲୁଟିତ ସମ୍ପତ୍ତି ବ୍ୟତୀତ ଯେଉଁ ସବୁ ଜୀବ ଧରିଥିଲେ, ସେମାନଙ୍କ ସଂଖ୍ୟା,
\v 33 ଛଅ ଲକ୍ଷ ପଞ୍ଚସ୍ତରି ହଜାର ମେଷ
\v 34 ଓ ବାସ୍ତରି ହଜାର ଗୋରୁ, ଏକଷଠି ହଜାର ଗର୍ଦ୍ଦଭ;
\v 35 ଆଉ ପୁରୁଷ-ସହବାସ ଅଜ୍ଞାତା ସ୍ତ୍ରୀଲୋକ ସର୍ବସୁଦ୍ଧା ବତିଶ ହଜାର ଥିଲେ।
\s5
\v 36 ତହିଁରେ ଯୁଦ୍ଧକୁ ଯାଇଥିବା ଲୋକମାନଙ୍କର ଲଭ୍ୟ ଅର୍ଦ୍ଧାଂଶର ସଂଖ୍ୟା ତିନି ଲକ୍ଷ ସଇଁତିରିଶ ହଜାର ପାଞ୍ଚ ଶହ ମେଷ।
\v 37 ପୁଣି, ସେହି ମେଷ ମଧ୍ୟରୁ ଛଅ ଶହ ପଞ୍ଚସ୍ତରି ମେଷ ସଦାପ୍ରଭୁଙ୍କର କର ସ୍ୱରୂପ ଥିଲା।
\v 38 ଆଉ ଗୋରୁ ଛତିଶ ହଜାର, ସେମାନଙ୍କ ମଧ୍ୟରୁ ବାସ୍ତରି ଗୋରୁ ସଦାପ୍ରଭୁଙ୍କର କର ସ୍ୱରୂପ ଥିଲା।
\s5
\v 39 ଆଉ ଗର୍ଦ୍ଦଭ ତିରିଶ ହଜାର ପାଞ୍ଚ ଶହ, ସେମାନଙ୍କ ମଧ୍ୟରୁ ଏକଷଠି ସଦାପ୍ରଭୁଙ୍କର କର ସ୍ୱରୂପ ଥିଲା।
\v 40 ପୁଣି, ମନୁଷ୍ୟ ଷୋଳ ସହସ୍ର, ସେମାନଙ୍କ ମଧ୍ୟରୁ ବତିଶ ଜଣ ସଦାପ୍ରଭୁଙ୍କର କର ସ୍ୱରୂପ ଥିଲା।
\v 41 ତହିଁରେ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ମୋଶା ସଦାପ୍ରଭୁଙ୍କର ଉତ୍ତୋଳନୀୟ ଉପହାର ସ୍ୱରୂପେ ସେହି କର ଇଲୀୟାସର ଯାଜକକୁ ଦେଲେ।
\s5
\v 42 ପୁଣି, ଯୋଦ୍ଧାମାନଙ୍କ ଅଂଶ ଭିନ୍ନ ଯେଉଁ ଅର୍ଦ୍ଧାଂଶ ମୋଶା ଇସ୍ରାଏଲ-ସନ୍ତାନଗଣଙ୍କୁ ଦେଇଥିଲେ;
\v 43 ମଣ୍ଡଳୀର ଲଭ୍ୟ ସେହି ଅର୍ଦ୍ଧାଂଶ ସଂଖ୍ୟାରେ ତିନି ଲକ୍ଷ ସଇଁତିରିଶ ହଜାର ପାଞ୍ଚ ଶହ ମେଷ,
\v 44 ଛତିଶ ହଜାର ଗୋରୁ,
\v 45 ତିରିଶ ହଜାର ପାଞ୍ଚ ଶହ ଗର୍ଦ୍ଦଭ
\v 46 ଓ ଷୋଳ ସହସ୍ର ମନୁଷ୍ୟ ଥିଲେ।
\s5
\v 47 ତହିଁରେ ମୋଶା ଇସ୍ରାଏଲ-ସନ୍ତାନଗଣଙ୍କର ଲଭ୍ୟ ସେହି ଅର୍ଦ୍ଧାଂଶରୁ ମନୁଷ୍ୟ ଓ ପଶୁର ପ୍ରତ୍ୟେକ ପଚାଶ ମଧ୍ୟରୁ ଗୋଟିଏ ଲେଖାଏଁ ନେଇ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସଦାପ୍ରଭୁଙ୍କ ଆବାସର ରକ୍ଷଣୀୟ-ରକ୍ଷକ ଲେବୀୟମାନଙ୍କୁ ଦେଲେ।
\s5
\v 48 ଏଉତ୍ତାରେ ସହସ୍ର ସହସ୍ର ସୈନ୍ୟମାନଙ୍କ ଉପରେ କର୍ତ୍ତୃତ୍ୱକାରୀଗଣ, ଅର୍ଥାତ୍‍, ସହସ୍ରପତି ଓ ଶତପତିମାନେ ମୋଶାଙ୍କ ନିକଟକୁ ଆସିଲେ,
\v 49 ପୁଣି, ସେମାନେ ମୋଶାଙ୍କୁ କହିଲେ, “ତୁମ୍ଭର ଏହି ଦାସମାନେ ଆପଣାମାନଙ୍କ ହସ୍ତଗତ ଯୋଦ୍ଧାମାନଙ୍କର ସଂଖ୍ୟା ନେଇଅଛନ୍ତି, ସେମାନଙ୍କ ମଧ୍ୟରୁ ଜଣେ ହିଁ ଊଣା ହୋଇ ନାହିଁ।
\s5
\v 50 ଏହେତୁ ଆମ୍ଭେମାନେ ପ୍ରତି ଜଣ ସ୍ୱର୍ଣ୍ଣ-ଅଳଙ୍କାର, ନୂପୁର ଓ ବଳା, ଅଙ୍ଗୁରୀୟକ, କୁଣ୍ଡଳ ଓ ହାର, ଏହି ଯେସବୁ ପାଇଅଛୁ, ତହିଁରୁ ସଦାପ୍ରଭୁଙ୍କ ସମ୍ମୁଖରେ ଆପଣା ଆପଣା ପ୍ରାଣ ନିମନ୍ତେ ପ୍ରାୟଶ୍ଚିତ୍ତ କରିବାକୁ ସଦାପ୍ରଭୁଙ୍କ ଉପହାର ଆଣିଅଛୁ।”
\v 51 ତହୁଁ ମୋଶା ଓ ଇଲୀୟାସର ଯାଜକ ସେମାନଙ୍କଠାରୁ ସେହି ସ୍ୱର୍ଣ୍ଣ, ଅର୍ଥାତ୍‍, ଶିଳ୍ପିତ ଅଳଙ୍କାର ନେଲେ।
\s5
\v 52 ଆଉ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସହସ୍ରପତି ଓ ଶତପତିମାନେ ଉତ୍ତୋଳନୀୟ ଉପହାର ରୂପେ ଯେଉଁ ସ୍ୱର୍ଣ୍ଣ ଉତ୍ସର୍ଗ କଲେ, ସେସମସ୍ତ ସ୍ୱର୍ଣ୍ଣ ଷୋହଳ ହଜାର ସାତ ଶହ ପଚାଶ ଶେକଲ
\f +
\fr 31:52
\ft ଏକ ଶେକଲର ଓଜନ ୧୧ ଗ୍ରାମ୍ ଅଟେ
\f* ପରିମିତ ଥିଲା।
\v 53 କାରଣ ଯୋଦ୍ଧାମାନେ ପ୍ରତ୍ୟେକେ ଆପଣା ଆପଣା ନିମନ୍ତେ ଲୁଟିତ ଦ୍ରବ୍ୟ ନେଇଥିଲେ।
\v 54 ଏଉତ୍ତାରେ ମୋଶା, ଇଲୀୟାସର ଯାଜକ ସହସ୍ରପତି ଓ ଶତପତିମାନଙ୍କଠାରୁ ସେହି ସ୍ୱର୍ଣ୍ଣ ଗ୍ରହଣ କଲେ, ପୁଣି, ସଦାପ୍ରଭୁଙ୍କ ସମ୍ମୁଖରେ ଇସ୍ରାଏଲ ସନ୍ତାନଗଣର ସ୍ମରଣାର୍ଥକ ଚିହ୍ନ ରୂପେ ତାହା ସମାଗମ-ତମ୍ବୁରେ ରଖିଲେ।
\s5
\c 32
\s ରୁବେନ୍‍ ଓ ଗାଦ୍‍ର ଗିଲୀୟଦରେ ବସତି
\p
\v 1 ରୁବେନ୍‍-ସନ୍ତାନଗଣର ଓ ଗାଦ୍‍-ସନ୍ତାନଗଣର ଅନେକ ପଶୁପଲ ଥିଲା; ଏଣୁ ସେମାନେ ଯାସେର ଦେଶକୁ ଓ ଗିଲୀୟଦ ଦେଶକୁ ଦେଖିଲେ ଯେଉଁ ସ୍ଥାନ ପଶୁପଲ ନିମନ୍ତେ ଉପଯୁକ୍ତ ସ୍ଥାନ ଥିଲା।
\v 2 ଏଥିରେ ଗାଦ୍‍ର ସନ୍ତାନଗଣ, ରୁବେନ୍‍ର ସନ୍ତାନଗଣ ଆସି ମୋଶାଙ୍କୁ, ଇଲୀୟାସର ଯାଜକକୁ ଓ ମଣ୍ଡଳୀର ଅଧ୍ୟକ୍ଷଗଣକୁ କହିଲେ;
\v 3 “ଅଟାରୋତ୍‍, ଦୀବୋନ୍, ଯାସେର, ନିମ୍ରା, ହିଷ୍‍ବୋନ, ଇଲୀୟାଲୀ, ସିବମା, ନବୋ ଓ ବିୟୋନ,
\s5
\v 4 ଏହି ଯେଉଁ ସବୁ ଦେଶକୁ ସଦାପ୍ରଭୁ ଇସ୍ରାଏଲ-ମଣ୍ଡଳୀ ସମ୍ମୁଖରେ ପରାସ୍ତ କରିଅଛନ୍ତି, ତାହା ପଶୁପଲ ନିମନ୍ତେ ଉପଯୁକ୍ତ ସ୍ଥାନ ଅଟେ। ପୁଣି, ତୁମ୍ଭର ଏହି ଦାସମାନଙ୍କର ପଶୁପଲ ଅଛି।
\v 5 ସେମାନେ ଆହୁରି କହିଲେ, “ଆମ୍ଭେମାନେ ଯଦି ତୁମ୍ଭ ଦୃଷ୍ଟିରେ ଅନୁଗ୍ରହ ପାଇଅଛୁ, ତେବେ ତୁମ୍ଭର ଦାସଗଣକୁ ଅଧିକାରାର୍ଥେ ଏହି ଦେଶ ଦିଆଯାଉ; ଆମ୍ଭମାନଙ୍କୁ ଯର୍ଦ୍ଦନ ପାରିକୁ ନେଇ ଯାଅ ନାହିଁ।”
\s5
\v 6 ଏଥିରେ ମୋଶା ଗାଦ୍‍ର ସନ୍ତାନଗଣକୁ ଓ ରୁବେନ୍‍ର ସନ୍ତାନଗଣକୁ କହିଲେ, “ତୁମ୍ଭମାନଙ୍କର ଭାଇମାନେ ଯୁଦ୍ଧ କରିବାକୁ ଯିବେ, ଆଉ ତୁମ୍ଭେମାନେ କି ଏଠାରେ ବସି ରହିବ ?
\v 7 ସଦାପ୍ରଭୁ ଇସ୍ରାଏଲ ସନ୍ତାନଗଣକୁ ଯେଉଁ ଦେଶ ଦେଇଅଛନ୍ତି, ପାର ହୋଇ ସେହି ଦେଶକୁ ଯିବା ପାଇଁ କାହିଁକି ସେମାନଙ୍କ ମନକୁ ସାହସହୀନ କରୁଅଛ ?
\s5
\v 8 ମୁଁ ତୁମ୍ଭର ପିତୃଲୋକମାନଙ୍କୁ କାଦେଶ-ବର୍ଣ୍ଣେୟଠାରୁ ସେହି ଦେଶ ଦେଖିବାକୁ ପଠାଇବା ସମୟରେ ସେମାନେ ଏହିରୂପେ କରିଥିଲେ।
\v 9 କାରଣ ସେମାନେ ଇଷ୍କୋଲ-ଉପତ୍ୟକା ପର୍ଯ୍ୟନ୍ତ ଗମନ କରି ଦେଶ ଦେଖି ସଦାପ୍ରଭୁଙ୍କ ଦତ୍ତ ଦେଶକୁ ଯିବା ପାଇଁ ଇସ୍ରାଏଲ ସନ୍ତାନଗଣର ମନକୁ ସାହସହୀନ କଲେ।
\s5
\v 10 ଏନିମନ୍ତେ ସେହି ଦିନ ସଦାପ୍ରଭୁଙ୍କର କ୍ରୋଧ ପ୍ରଜ୍ୱଳିତ ହେଲା, ପୁଣି, ସେ ଶପଥ କରି ଏହି କଥା କହିଲେ,
\v 11 “ଆମ୍ଭେ ଅବ୍ରହାମକୁ, ଇସ୍‍ହାକକୁ ଓ ଯାକୁବକୁ ଯେଉଁ ଦେଶ ଦେବା ପାଇଁ ଶପଥ କରିଅଛୁ, ମିସରରୁ ଆଗତ ଲୋକମାନଙ୍କ ମଧ୍ୟରୁ କୋଡ଼ିଏ ବର୍ଷ ଓ ତତୋଧିକ ବର୍ଷ ବୟସ୍କ କେହି ସେହି ଦେଶ ଦେଖି ପାରିବ ନାହିଁ, ଏହା ନିଶ୍ଚିତ; କାରଣ ସେମାନେ ସମ୍ପୂର୍ଣ୍ଣ ରୂପେ ଆମ୍ଭର ଅନୁଗତ ହୋଇ ନାହାନ୍ତି।”
\v 12 କେବଳ କନିସୀୟ ଯିଫୁନ୍ନିର ପୁତ୍ର କାଲେବ ଓ ନୂନର ପୁତ୍ର ଯିହୋଶୂୟ ତାହା ଦେଖିବେ; କାରଣ ସେମାନେ ସମ୍ପୂର୍ଣ୍ଣ ରୂପେ ସଦାପ୍ରଭୁଙ୍କର ଅନୁଗତ ହୋଇଅଛନ୍ତି।
\s5
\v 13 ଏହିରୂପେ ଇସ୍ରାଏଲ ପ୍ରତି ସଦାପ୍ରଭୁଙ୍କର କ୍ରୋଧ ପ୍ରଜ୍ୱଳିତ ହେଲା, ପୁଣି, ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମକାରୀ ସମସ୍ତ ବଂଶର ନିଃଶେଷ ନ ହେବା ପର୍ଯ୍ୟନ୍ତ ସେ ସେମାନଙ୍କୁ ଚାଳିଶ ବର୍ଷ ପର୍ଯ୍ୟନ୍ତ ଏ ପ୍ରାନ୍ତରରେ ଭ୍ରମଣ କରାଇଲେ।
\v 14 ଏବେ ଦେଖ, ପାପିଷ୍ଠ ଲୋକମାନଙ୍କର ବଂଶ, ତୁମ୍ଭେମାନେ ଇସ୍ରାଏଲ ପ୍ରତି ସଦାପ୍ରଭୁଙ୍କର ପ୍ରଚଣ୍ଡ କ୍ରୋଧ ଆହୁରି ବଢ଼ାଇବାର ନିମନ୍ତେ ଆପଣା ଆପଣା ପିତୃଗଣର ସ୍ଥାନରେ ଉଠିଅଛ।
\v 15 କାରଣ ଯଦି ତୁମ୍ଭେମାନେ ଏହିରୂପେ ତାହାଙ୍କ ପଶ୍ଚାଦ୍‍ଗମନରୁ ବିମୁଖ ହେବ, ତେବେ ସେ ପୁନର୍ବାର ଇସ୍ରାଏଲକୁ ପ୍ରାନ୍ତରରେ ପରିତ୍ୟାଗ କରିବେ, ତହିଁରେ ତୁମ୍ଭେମାନେ ଏହି ସକଳ ଲୋକଙ୍କୁ ବିନଷ୍ଟ କରାଇବ।”
\s5
\v 16 ଏଥିରେ ସେମାନେ ତାଙ୍କ ନିକଟକୁ ଆସି କହିଲେ, “ଆମ୍ଭେମାନେ ଏହି ସ୍ଥାନରେ ଆପଣା ଆପଣା ପଶୁମାନଙ୍କ ନିମନ୍ତେ ମେଷଶାଳା ଓ ଆପଣା ଆପଣା ବାଳକମାନଙ୍କ ନିମନ୍ତେ ନଗର ନିର୍ମାଣ କରିବା।
\v 17 ମାତ୍ର ଆମ୍ଭେମାନେ ନିଜେ ଇସ୍ରାଏଲ ସନ୍ତାନଗଣକୁ ସେମାନଙ୍କ ସ୍ଥାନକୁ ନ ଆଣିବା ପର୍ଯ୍ୟନ୍ତ ସସଜ୍ଜ ହୋଇ ସେମାନଙ୍କ ଆଗେ ଆଗେ ଗମନ କରିବୁ; କେବଳ ଆମ୍ଭମାନଙ୍କର ବାଳକମାନେ ଦେଶନିବାସୀମାନଙ୍କ ସକାଶୁ ପ୍ରାଚୀରବେଷ୍ଟିତ ନଗରରେ ବାସ କରିବେ।
\s5
\v 18 ଇସ୍ରାଏଲ-ସନ୍ତାନଗଣଙ୍କର ପ୍ରତ୍ୟେକ ଲୋକ ଆପଣା ଆପଣା ଅଧିକାର ନ ପାଇବା ପର୍ଯ୍ୟନ୍ତ ଆମ୍ଭେମାନେ ଆପଣା ଆପଣା ଗୃହକୁ ଫେରି ଆସିବୁ ନାହିଁ।
\v 19 ମାତ୍ର ଆମ୍ଭେମାନେ ଯର୍ଦ୍ଦନର ଆର ପାରିରେ ଓ ତହିଁ ଆଗରେ ସେମାନଙ୍କ ସହିତ ଅଧିକାର ଗ୍ରହଣ କରିବୁ ନାହିଁ; କାରଣ ଯର୍ଦ୍ଦନର ଏହି ପାରିରେ ଆମ୍ଭମାନଙ୍କ ଅଧିକାର ପଡ଼ିଅଛି।”
\s5
\v 20 ଏଥିରେ ମୋଶା ସେମାନଙ୍କୁ କହିଲେ, “ତୁମ୍ଭେମାନେ ଯଦି ଏହି କର୍ମ କର, ଯଦି ସସଜ୍ଜ ହୋଇ ସଦାପ୍ରଭୁଙ୍କ ସମ୍ମୁଖରେ ଯୁଦ୍ଧ କରିବାକୁ ଗମନ କର,
\v 21 ପୁଣି, ସଦାପ୍ରଭୁ ଯେପର୍ଯ୍ୟନ୍ତ ଆପଣା ଶତ୍ରୁଗଣକୁ ଆପଣା ଆଗରୁ ତଡ଼ି ନ ଦିଅନ୍ତି
\v 22 ଓ ଦେଶ ସଦାପ୍ରଭୁଙ୍କ ଆଗରେ ବଶୀଭୂତ ନ ହୁଏ, ସେପର୍ଯ୍ୟନ୍ତ ତୁମ୍ଭମାନଙ୍କର ପ୍ରତ୍ୟେକ ସସଜ୍ଜ ଲୋକ ଯଦି ସଦାପ୍ରଭୁଙ୍କ ସମ୍ମୁଖରେ ଯର୍ଦ୍ଦନ ପାର ହୁଅ; ତେବେ ତହିଁ ଉତ୍ତାରେ ତୁମ୍ଭେମାନେ ଫେରି ଆସିଲେ, ସଦାପ୍ରଭୁଙ୍କ ନିକଟରେ ଓ ଇସ୍ରାଏଲ ନିକଟରେ ନିର୍ଦ୍ଦୋଷ ହେବ; ଆଉ ସେହି ଦେଶ ସଦାପ୍ରଭୁଙ୍କ ସମ୍ମୁଖରେ ତୁମ୍ଭମାନଙ୍କର ଅଧିକାର ହେବ।
\s5
\v 23 ମାତ୍ର ତୁମ୍ଭେମାନେ ଯଦି ସେହିପରି ନ କର, ତେବେ ଦେଖ, ତୁମ୍ଭେମାନେ ସଦାପ୍ରଭୁଙ୍କ ନିକଟରେ ପାପୀ ହେବ; ପୁଣି, ତୁମ୍ଭମାନଙ୍କର ପାପ ଯେ ତୁମ୍ଭମାନଙ୍କୁ ଧରିବ, ଏହା ନିଶ୍ଚିତ ଜାଣ।
\v 24 ତୁମ୍ଭେମାନେ ଆପଣା ଆପଣା ବାଳକମାନଙ୍କ ପାଇଁ ନଗର ଓ ମେଷମାନଙ୍କ ପାଇଁ ଶାଳା ନିର୍ମାଣ କର, ଆଉ ଆପଣାମାନଙ୍କ ମୁଖରୁ ନିର୍ଗତ ବାକ୍ୟ ପ୍ରମାଣେ କର୍ମ କର।”
\v 25 ତେବେ ଗାଦ୍‍-ସନ୍ତାନଗଣ ଓ ରୁବେନ୍‍-ସନ୍ତାନଗଣ ମୋଶାଙ୍କୁ କହିଲେ, “ଆମ୍ଭମାନଙ୍କର ପ୍ରଭୁ ଯାହା ଆଜ୍ଞା କଲେ, ତଦନୁସାରେ ତୁମ୍ଭର ଦାସମାନେ କର୍ମ କରିବେ।
\s5
\v 26 ଆମ୍ଭମାନଙ୍କର ବାଳକ, ସ୍ତ୍ରୀ, ପଲ ଓ ପଶୁସକଳ ଗିଲୀୟଦର ନଗରମାନଙ୍କରେ ରହିବେ।
\v 27 ମାତ୍ର ଆମ୍ଭମାନଙ୍କ ପ୍ରଭୁଙ୍କ ବାକ୍ୟାନୁସାରେ ତୁମ୍ଭର ଦାସମାନେ ପ୍ରତ୍ୟେକେ ସସଜ୍ଜ ହୋଇ ସଦାପ୍ରଭୁଙ୍କ ଆଗରେ ଯୁଦ୍ଧ କରିବାକୁ ପାର ହୋଇଯିବେ।”
\s5
\v 28 ତହୁଁ ମୋଶା ସେମାନଙ୍କ ବିଷୟରେ ଇଲୀୟାସର ଯାଜକକୁ, ନୂନର ପୁତ୍ର ଯିହୋଶୂୟଙ୍କୁ ଓ ଇସ୍ରାଏଲ ସନ୍ତାନଗଣର ବଂଶୀୟ ପିତୃଗୃହର ପ୍ରଧାନମାନଙ୍କୁ ଆଜ୍ଞା ଦେଲେ।
\v 29 ପୁଣି, ମୋଶା ସେମାନଙ୍କୁ କହିଲେ, “ଗାଦ୍‍-ସନ୍ତାନଗଣର ଓ ରୁବେନ୍‍-ସନ୍ତାନଗଣର, ଯୁଦ୍ଧାର୍ଥେ ସସଜ୍ଜ ପ୍ରତ୍ୟେକ ଲୋକ ଯଦି ତୁମ୍ଭମାନଙ୍କ ସହିତ ସଦାପ୍ରଭୁଙ୍କ ସମ୍ମୁଖରେ ଯର୍ଦ୍ଦନ ପାର ହେବେ ଓ ତୁମ୍ଭମାନଙ୍କ ସମ୍ମୁଖରେ ଦେଶ ବଶୀଭୂତ ହେବ; ତେବେ ତୁମ୍ଭେମାନେ ଅଧିକାରାର୍ଥେ ସେମାନଙ୍କୁ ଗିଲୀୟଦ ଦେଶ ଦେବ।
\v 30 ମାତ୍ର ଯଦି ସେମାନେ ସସଜ୍ଜ ହୋଇ ତୁମ୍ଭମାନଙ୍କ ସହିତ ପାର ନ ହେବେ, ତେବେ ସେମାନେ ତୁମ୍ଭମାନଙ୍କ ମଧ୍ୟରେ କିଣାନ ଦେଶରେ ଅଧିକାର ପାଇବେ।”
\s5
\v 31 ତହିଁରେ ଗାଦ୍‍-ସନ୍ତାନଗଣ ଓ ରୁବେନ୍‍-ସନ୍ତାନଗଣ ଉତ୍ତର ଦେଇ କହିଲେ, “ସଦାପ୍ରଭୁ ଆପଣା ଦାସମାନଙ୍କୁ ଯାହା କହିଅଛନ୍ତି, ତଦନୁସାରେ ଆମ୍ଭେମାନେ କର୍ମ କରିବୁ।
\v 32 ଆମ୍ଭେମାନେ ସସଜ୍ଜ ହୋଇ ସଦାପ୍ରଭୁଙ୍କ ସମ୍ମୁଖରେ ପାର ହୋଇ କିଣାନ ଦେଶକୁ ଯିବୁ ମାତ୍ର ଯର୍ଦ୍ଦନର ପୂର୍ବ ଆଡ଼େ ଆମ୍ଭମାନଙ୍କ ଅଧିକାରରେ ଆମ୍ଭମାନଙ୍କ ସ୍ୱତ୍ୱ ରହିବ।”
\s5
\v 33 ଏଉତ୍ତାରେ ମୋଶା ସେମାନଙ୍କୁ, ଅର୍ଥାତ୍‍, ଗାଦ୍‍-ସନ୍ତାନଗଣକୁ, ରୁବେନ୍‍-ସନ୍ତାନଗଣକୁ ଓ ଯୋଷେଫର ପୁତ୍ର ମନଃଶି ବଂଶର ଅର୍ଦ୍ଧେକକୁ ଇମୋରୀୟମାନଙ୍କ ରାଜା ସୀହୋନର ରାଜ୍ୟ ଓ ବାଶନର ରାଜା ଓଗ୍‍ର ରାଜ୍ୟ, ଅର୍ଥାତ୍‍, ସ୍ୱ ସ୍ୱ ସୀମା ସହିତ ନାନା ନଗରବିଶିଷ୍ଟ ଦେଶ, ଏହିରୂପେ ଚତୁର୍ଦ୍ଦିଗସ୍ଥ ଦେଶର ସମସ୍ତ ନଗର ଦେଲେ।
\s5
\v 34 ତହିଁରେ ଗାଦ୍‍-ସନ୍ତାନଗଣ ଦୀବୋନ୍‍, ଅଟାରୋତ୍‍ ଓ ଅରୋୟେର;
\v 35 ଅଟ୍‍ରୋତ୍‍-ଶୋଫନ, ଯାସେର, ଯଗ୍‍ବିହ,
\v 36 ବେଥ୍-ନିମ୍ରା, ବେଥ୍-ହାରଣ ନାମକ ପ୍ରାଚୀରବେଷ୍ଟିତ ନଗର ଓ ମେଷଶାଳା ନିର୍ମାଣ କଲେ।
\s5
\v 37 ପୁଣି, ରୁବେନ୍‍-ସନ୍ତାନଗଣ ହିଷ୍‍ବୋନ, ଇଲୀୟାଲୀ ଓ କିରୀୟାଥୟିମ୍‍;
\v 38 ପୁଣି, ନାମାନ୍ତରରେ ନବୋ, ବାଲ୍‍-ମୀୟୋନ୍‍ ଓ ସିବ୍‍ମା, ଏହି ସମସ୍ତ ନଗର ନିର୍ମାଣ କଲେ; ପୁଣି, ସେମାନେ ଯେଉଁ ଯେଉଁ ନଗର ନିର୍ମାଣ କଲେ, ସେହି ସମସ୍ତଙ୍କୁ ଅନ୍ୟ ନାମ ଦେଲେ।
\v 39 ପୁଣି, ମନଃଶିର ପୁତ୍ର ମାଖୀରର ସନ୍ତାନଗଣ ଗିଲୀୟଦକୁ ଯାଇ ତାହା ଆକ୍ରମଣ କଲେ ଓ ତନ୍ନିବାସୀ ଇମୋରୀୟମାନଙ୍କୁ ଅଧିକାରଚ୍ୟୁତ କଲେ।
\s5
\v 40 ତହୁଁ ମୋଶା ମନଃଶିର ପୁତ୍ର ମାଖୀରକୁ ଗିଲୀୟଦ ଦେଲେ; ଆଉ ସେ ସେଠାରେ ବାସ କଲା।
\v 41 ପୁଣି, ମନଃଶିର ପୁତ୍ର ଯାୟୀର ଯାଇ ସେମାନଙ୍କ ଗ୍ରାମସବୁ ହସ୍ତଗତ କରି ସେମାନଙ୍କ ନାମ ହବୋତ୍‍-ଯାୟୀର
\f +
\fr 32:41
\ft ଅର୍ଥାତ୍ ଯାୟୀରର ଗ୍ରାମ
\f* ରଖିଲା।
\v 42 ଆଉ ନୋବହ ଯାଇ କନାତ୍‍ ଓ ତାହାର ନଗର ହସ୍ତଗତ କରି ଆପଣା ନାମାନୁସାରେ ତାହାର ନାମ ନୋବହ ରଖିଲା।
\s5
\c 33
\s ଇସ୍ରାଏଲର ଯାତ୍ରାର ବିବରଣ
\p
\v 1 ଇସ୍ରାଏଲ ସନ୍ତାନଗଣ ମୋଶା ଓ ହାରୋଣଙ୍କର ହସ୍ତାଧୀନ ହୋଇ ଆପଣା ଆପଣା ସୈନ୍ୟଶ୍ରେଣୀ କ୍ରମେ ମିସର ଦେଶରୁ ବାହାରି ଆସିବା ସମୟରେ ଯେଉଁ ଯାତ୍ରା କରିଥିଲେ, ତହିଁର ବିବରଣ ଏହି।
\v 2 ମୋଶା ସଦାପ୍ରଭୁଙ୍କ ଆଜ୍ଞାରେ ସେମାନଙ୍କ ଯାତ୍ରାନୁସାରେ ସେମାନଙ୍କ ଗମନର ବିବରଣ ଲେଖିଲେ; ସେମାନଙ୍କ ଗମନାନୁସାରେ ସେମାନଙ୍କ ଯାତ୍ରାର ବିବରଣ ଏହି।
\s5
\v 3 ପ୍ରଥମ ମାସର ପଞ୍ଚଦଶ ଦିନରେ ସେମାନେ ରାମିଷେଷ୍‍ଠାରୁ ଯାତ୍ରା କଲେ;
\v 4 ନିସ୍ତାର ପର୍ବର ପରଦିନ ପ୍ରାତଃକାଳରେ ମିସ୍ରୀୟମାନେ ସଦାପ୍ରଭୁଙ୍କ ଦ୍ୱାରା ସଂହାରିତ ପ୍ରଥମଜାତ ସମସ୍ତଙ୍କୁ କବର ଦେଉଥିବା ସମୟରେ ଇସ୍ରାଏଲ ସନ୍ତାନଗଣ ମିସ୍ରୀୟ ସମସ୍ତ ଲୋକଙ୍କ ସାକ୍ଷାତରେ ଉର୍ଦ୍ଧ୍ୱ ହସ୍ତରେ ବାହାରିଲେ; ସଦାପ୍ରଭୁ ସେମାନଙ୍କ ଦେବଗଣକୁ ମଧ୍ୟ ଦଣ୍ଡ ଦେଇଥିଲେ।
\s5
\v 5 ଇସ୍ରାଏଲ ସନ୍ତାନଗଣ ରାମିଷେଷ୍‍ଠାରୁ ଯାତ୍ରା କରି ସୁକ୍‍କୋତରେ ଛାଉଣି ସ୍ଥାପନ କଲେ।
\v 6 ପୁଣି, ସେମାନେ ସୁକ୍‍କୋତରୁ ଯାତ୍ରା କରି ପ୍ରାନ୍ତରର ସୀମାସ୍ଥିତ ଏଥମରେ ଛାଉଣି ସ୍ଥାପନ କଲେ।
\v 7 ତହୁଁ ସେମାନେ ଏଥମରୁ ଯାତ୍ରା କରି ବାଲ-ସଫୋନର ସମ୍ମୁଖସ୍ଥିତ ପୀହହୀରୋତକୁ ଫେରି ଆସିଲେ ଓ ମିଗ୍‍ଦୋଲର ପୂର୍ବ ଦିଗରେ ଛାଉଣି ସ୍ଥାପନ କଲେ।
\s5
\v 8 ଏଉତ୍ତାରେ ସେମାନେ ପୀହହୀରୋତର ସମ୍ମୁଖରୁ ଯାତ୍ରା କରି ସମୁଦ୍ର ମଧ୍ୟଦେଇ ପ୍ରାନ୍ତରରେ ପ୍ରବେଶ କଲେ ଓ ଏଥମ ପ୍ରାନ୍ତରରେ ତିନି ଦିନର ପଥ ଯାଇ ମାରାରେ ଛାଉଣି ସ୍ଥାପନ କଲେ।
\v 9 ପୁଣି, ମାରାରୁ ଯାତ୍ରା କରି ଏଲୀମରେ ଉପସ୍ଥିତ ହେଲେ; ସେହି ଏଲୀମରେ ଜଳର ବାର ନିର୍ଝର ଓ ସତୁରି ଖର୍ଜ୍ଜୁର ବୃକ୍ଷ ଥିଲା; ଏଣୁ ସେମାନେ ସେହି ସ୍ଥାନରେ ଛାଉଣି ସ୍ଥାପନ କଲେ।
\v 10 ତହୁଁ ସେମାନେ ଏଲୀମରୁ ଯାତ୍ରା କରି ସୂଫ ସାଗର ନିକଟରେ ଛାଉଣି ସ୍ଥାପନ କଲେ।
\s5
\v 11 ପୁଣି, ସେମାନେ ସୂଫ ସାଗର ନିକଟରୁ ଯାତ୍ରା କରି ସୀନ୍‍ ପ୍ରାନ୍ତରରେ ଛାଉଣି ସ୍ଥାପନ କଲେ।
\v 12 ପୁଣି, ସେମାନେ ସୀନ୍‍ ପ୍ରାନ୍ତରରୁ ଯାତ୍ରା କରି ଦପ୍‍କାରେ ଛାଉଣି ସ୍ଥାପନ କଲେ।
\v 13 ସେମାନେ ଦପ୍‍କାରୁ ଯାତ୍ରା କରି ଆଲୁଶରେ ଛାଉଣି ସ୍ଥାପନ କଲେ।
\v 14 ପୁଣି, ସେମାନେ ଆଲୁଶରୁ ଯାତ୍ରା କରି ରଫୀଦୀମରେ ଛାଉଣି ସ୍ଥାପନ କଲେ; ସେହି ସ୍ଥାନରେ ଲୋକମାନଙ୍କର ପିଇବା ନିମନ୍ତେ ଜଳ ନ ଥିଲା।
\s5
\v 15 ଏଉତ୍ତାରେ ସେମାନେ ରଫୀଦୀମରୁ ଯାତ୍ରା କରି ସୀନୟ ପ୍ରାନ୍ତରରେ ଛାଉଣି ସ୍ଥାପନ କଲେ
\v 16 ଓ ସେମାନେ ସୀନୟ ପ୍ରାନ୍ତରରୁ ଯାତ୍ରା କରି କିବ୍ରୋତ୍‍-ହତ୍ତାବାରେ ଛାଉଣି ସ୍ଥାପନ କଲେ।
\v 17 ପୁଣି, ସେମାନେ କିବ୍ରୋତ୍‍-ହତ୍ତାବାରୁ ଯାତ୍ରା କରି ହତ୍‍ସେରୋତରେ ଛାଉଣି ସ୍ଥାପନ କଲେ।
\v 18 ପୁଣି, ସେମାନେ ହତ୍‍ସେରୋତରୁ ଯାତ୍ରା କରି ରିତ୍‍ମାରେ ଛାଉଣି ସ୍ଥାପନ କଲେ
\s5
\v 19 ଓ ସେମାନେ ରିତ୍‍ମାରୁ ଯାତ୍ରା କରି ରିମ୍ମୋନ୍‍-ପେରସରେ ଛାଉଣି ସ୍ଥାପନ କଲେ।
\v 20 ପୁଣି, ସେମାନେ ରିମ୍ମୋନ୍‍-ପେରସରୁ ଯାତ୍ରା କରି ଲିବ୍‍ନାରେ ଛାଉଣି ସ୍ଥାପନ କଲେ।
\v 21 ପୁଣି, ସେମାନେ ଲିବ୍‍ନାରୁ ଯାତ୍ରା କରି ରିସ୍‍ସାରେ ଛାଉଣି ସ୍ଥାପନ କଲେ।
\v 22 ପୁଣି, ସେମାନେ ରିସ୍‍ସାରୁ ଯାତ୍ରା କରି କହେଲାତରେ ଛାଉଣି ସ୍ଥାପନ କଲେ,
\s5
\v 23 ଓ ସେମାନେ କହେଲାତରୁ ଯାତ୍ରା କରି ଶେଫର ପର୍ବତରେ ଛାଉଣି ସ୍ଥାପନ କଲେ
\v 24 ତହୁଁ ସେମାନେ ଶେଫର ପର୍ବତରୁ ଯାତ୍ରା କରି ହରାଦାରେ ଛାଉଣି ସ୍ଥାପନ କଲେ,
\v 25 ଓ ସେମାନେ ହରାଦାରୁ ଯାତ୍ରା କରି ମଖେଲୋତରେ ଛାଉଣି ସ୍ଥାପନ କଲେ,
\v 26 ଓ ସେମାନେ ମଖେଲୋତରୁ ଯାତ୍ରା କରି ତହତରେ ଛାଉଣି ସ୍ଥାପନ କଲେ।
\s5
\v 27 ସେମାନେ ତହତରୁ ଯାତ୍ରା କରି ତେରହରେ ଛାଉଣି ସ୍ଥାପନ କଲେ,
\v 28 ଓ ସେମାନେ ତେରହରୁ ଯାତ୍ରା କରି ମିତ୍‍କାରେ ଛାଉଣି ସ୍ଥାପନ କଲେ
\v 29 ଓ ସେମାନେ ମିତ୍‍କାରୁ ଯାତ୍ରା କରି ହଶ୍‍ମୋନାରେ ଛାଉଣି ସ୍ଥାପନ କଲେ,
\v 30 ଓ ସେମାନେ ହଶ୍‍ମୋନାରୁ ଯାତ୍ରା କରି ମୋଷେରୋତରେ ଛାଉଣି ସ୍ଥାପନ କଲେ।
\s5
\v 31 ପୁଣି, ସେମାନେ ମୋଷେରୋତରୁ ଯାତ୍ରା କରି ବନେୟାକନରେ ଛାଉଣି ସ୍ଥାପନ କଲେ,
\v 32 ଓ ସେମାନେ ବନେୟାକନରୁ ଯାତ୍ରା କରି ହୋର୍ହଗିଦ୍‍ଗଦରେ ଛାଉଣି ସ୍ଥାପନ କଲେ
\v 33 ଓ ସେମାନେ ହୋର୍ହଗିଦ୍‍ଗଦରୁ ଯାତ୍ରା କରି ଯଟ୍‍ବାଥାରେ ଛାଉଣି ସ୍ଥାପନ କଲେ,
\v 34 ଓ ସେମାନେ ଯଟ୍‍ବାଥାରୁ ଯାତ୍ରା କରି ଆବ୍ରୋଣାରେ ଛାଉଣି ସ୍ଥାପନ କଲେ।
\s5
\v 35 ପୁଣି, ସେମାନେ ଆବ୍ରୋଣାରୁ ଯାତ୍ରା କରି ଇତ୍‍ସିୟୋନ-ଗେବରରେ ଛାଉଣି ସ୍ଥାପନ କଲେ।
\v 36 ପୁଣି, ସେମାନେ ଇତ୍‍ସିୟୋନ-ଗେବରରୁ ଯାତ୍ରା କରି ସୀନ୍‍ ପ୍ରାନ୍ତରରେ ଛାଉଣି ସ୍ଥାପନ କଲେ (ଏହାକୁ କାଦେଶ କହନ୍ତି),
\v 37 ଓ ସେମାନେ କାଦେଶରୁ ଯାତ୍ରା କରି ଇଦୋମ ଦେଶର ପ୍ରାନ୍ତର ସ୍ଥିତ ହୋର ପର୍ବତରେ ଛାଉଣି ସ୍ଥାପନ କଲେ।
\s5
\v 38 ଏଥିଉତ୍ତାରେ ହାରୋଣ ଯାଜକ ସଦାପ୍ରଭୁଙ୍କ ଆଜ୍ଞାରେ ହୋର ପର୍ବତରେ ଆରୋହଣ କଲେ, ପୁଣି, ଇସ୍ରାଏଲ ସନ୍ତାନଗଣ ମିସରରୁ ବାହାର ହୋଇ ଆସିବାର ଚାଳିଶତମ ବର୍ଷର ପଞ୍ଚମ ମାସର ପ୍ରଥମ ଦିନରେ ସେହି ସ୍ଥାନରେ ମଲେ।
\v 39 ଆଉ ହୋର ପର୍ବତରେ ମରିବା ସମୟରେ ହାରୋଣଙ୍କର ବୟସ ଏକ ଶହ ତେଇଶ ବର୍ଷ ଥିଲା।
\s5
\v 40 ଏଥିଉତ୍ତାରେ କିଣାନର ଦକ୍ଷିଣ-ପ୍ରଦେଶ ନିବାସୀ କିଣାନୀୟ ଅରାଦର ରାଜା ଇସ୍ରାଏଲ ସନ୍ତାନଗଣର ଆଗମନ ସମ୍ବାଦ ଶୁଣିଲେ।
\s5
\v 41 ଆଉ ସେମାନେ ହୋର ପର୍ବତରୁ ଯାତ୍ରା କରି ସଲ୍‍ମୋନାରେ ଛାଉଣି ସ୍ଥାପନ କଲେ,
\v 42 ଓ ସେମାନେ ସଲ୍‍ମୋନାରୁ ଯାତ୍ରା କରି ପୂନୋନରେ ଛାଉଣି ସ୍ଥାପନ କଲେ,
\v 43 ଓ ସେମାନେ ପୂନୋନରୁ ଯାତ୍ରା କରି ଓବୋତରେ ଛାଉଣି ସ୍ଥାପନ କଲେ।
\s5
\v 44 ତହୁଁ ସେମାନେ ଓବୋତରୁ ଯାତ୍ରା କରି ମୋୟାବ ପ୍ରାନ୍ତସ୍ଥିତ ଇୟୀ-ଅବାରୀମରେ ଛାଉଣି ସ୍ଥାପନ କଲେ,
\v 45 ଓ ସେମାନେ ଇୟୀ-ଅବାରୀମରୁ ଯାତ୍ରା କରି ଦୀବୋନ୍‍-ଗାଦ୍‍ରେ ଛାଉଣି ସ୍ଥାପନ କଲେ,
\v 46 ଓ ସେମାନେ ଦୀବୋନ୍‍-ଗାଦ୍‍ରୁ ଯାତ୍ରା କରି ଅଲମୋନ-ଦିବ୍‍ଲାଥୟିମରେ ଛାଉଣି ସ୍ଥାପନ କଲେ।
\s5
\v 47 ତହୁଁ ସେମାନେ ଅଲମୋନ-ଦିବ୍‍ଲାଥୟିମରୁ ଯାତ୍ରା କରି ନବୋ-ସମ୍ମୁଖସ୍ଥିତ ଅବାରୀମ୍ ପର୍ବତରେ ଛାଉଣି ସ୍ଥାପନ କଲେ।
\v 48 ପୁଣି, ସେମାନେ ଅବାରୀମ୍ ପର୍ବତରୁ ଯାତ୍ରା କରି ଯିରୀହୋ-ସମ୍ମୁଖସ୍ଥିତ ଯର୍ଦ୍ଦନ ନିକଟବର୍ତ୍ତୀ ମୋୟାବ ପଦାରେ ଛାଉଣି ସ୍ଥାପନ କଲେ।
\v 49 ଆଉ ସେଠାରେ ଯର୍ଦ୍ଦନ ନିକଟସ୍ଥ ବେଥ୍-ଯିଶିମୋତଠାରୁ ଆବେଲ୍-ଶିଟୀମ ପର୍ଯ୍ୟନ୍ତ ମୋୟାବ-ପଦାରେ ଛାଉଣି ସ୍ଥାପନ କରି ରହିଲେ।
\s5
\v 50 ଏଥିଉତ୍ତାରେ ଯିରୀହୋସ୍ଥିତ ଯର୍ଦ୍ଦନ ନିକଟବର୍ତ୍ତୀ ମୋୟାବ-ପଦାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
\v 51 “ଇସ୍ରାଏଲ-ସନ୍ତାନଗଣଙ୍କୁ କୁହ, ତୁମ୍ଭେମାନେ ଯର୍ଦ୍ଦନ ପାର ହୋଇ କିଣାନ ଦେଶରେ ଉପସ୍ଥିତ ହେଲେ,
\v 52 ତୁମ୍ଭେମାନେ ଆପଣାମାନଙ୍କ ସମ୍ମୁଖରୁ ସେହି ଦେଶନିବାସୀ ସମସ୍ତଙ୍କୁ ତଡ଼ି ବାହାର କରି ଦେବ ଓ ସେମାନଙ୍କର ସମସ୍ତ ମୂର୍ତ୍ତିବିଶିଷ୍ଟ ପାଷାଣ ଭାଙ୍ଗି ପକାଇବ ଓ ସେମାନଙ୍କର ଛାଞ୍ଚ-ଢଳା ପ୍ରତିମାସବୁ ବିନଷ୍ଟ କରିବ ଓ ସେମାନଙ୍କର ଉଚ୍ଚସ୍ଥଳୀସବୁ ଉଚ୍ଛିନ୍ନ କରିବ।
\s5
\v 53 ପୁଣି, ତୁମ୍ଭେମାନେ ସେହି ଦେଶ ଅଧିକାର କରି ତହିଁ ମଧ୍ୟରେ ବାସ କରିବ; କାରଣ ଆମ୍ଭେ ତୁମ୍ଭମାନଙ୍କୁ ଅଧିକାରାର୍ଥେ ସେହି ଦେଶ ଦେଇଅଛୁ।
\v 54 ଆଉ ତୁମ୍ଭେମାନେ ଗୁଲିବାଣ୍ଟ ଦ୍ୱାରା ଆପଣା ଆପଣା ବଂଶାନୁସାରେ ଦେଶାଧିକାର ବିଭାଗ କରି ନେବ; ତୁମ୍ଭେମାନେ ଅଧିକ ଲୋକଙ୍କୁ ଅଧିକ ବାଣ୍ଟ ଓ ଅଳ୍ପ ଲୋକଙ୍କୁ ଅଳ୍ପ ବାଣ୍ଟ ଦେବ; ଯାହାର ବାଣ୍ଟ ଯେଉଁ ସ୍ଥାନରେ ପଡ଼ିବ, ତାହାର ବାଣ୍ଟ ସେହି ସ୍ଥାନରେ ହେବ; ଏହିରୂପେ ତୁମ୍ଭେମାନେ ଆପଣା ଆପଣା ପିତୃବଂଶାନୁସାରେ ଅଧିକାର କରିବ।
\s5
\v 55 ମାତ୍ର ଯଦି ତୁମ୍ଭେମାନେ ଆପଣାମାନଙ୍କ ସମ୍ମୁଖରୁ ସେହି ଦେଶ ନିବାସୀମାନଙ୍କୁ ତଡ଼ି ବାହାର କରି ନ ଦେବ, ତେବେ ତୁମ୍ଭେମାନେ ସେମାନଙ୍କ ମଧ୍ୟରୁ ଯେଉଁମାନଙ୍କୁ ଅବଶିଷ୍ଟ ରଖିବ, ସେମାନେ ତୁମ୍ଭମାନଙ୍କ ଚକ୍ଷୁରେ କଣ୍ଟା ସ୍ୱରୂପ ଓ ତୁମ୍ଭମାନଙ୍କ ପାର୍ଶ୍ବରେ କଣ୍ଟକ ସ୍ୱରୂପ ହେବେ, ଆଉ ସେମାନେ ତୁମ୍ଭମାନଙ୍କ ସେହି ନିବାସ ଦେଶରେ ତୁମ୍ଭମାନଙ୍କୁ କ୍ଳେଶ ଦେବେ।
\v 56 ପୁଣି, ଆମ୍ଭେ ସେମାନଙ୍କ ପ୍ରତି ଯାହା କରିବାକୁ ମନସ୍ଥ କରିଥିଲୁ, ତାହା ତୁମ୍ଭମାନଙ୍କ ପ୍ରତି କରିବା।”
\s5
\c 34
\s ଦେଶର ସୀମା
\p
\v 1 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
\v 2 “ଇସ୍ରାଏଲ-ସନ୍ତାନଗଣଙ୍କୁ ଆଜ୍ଞା ଦିଅ ଓ ସେମାନଙ୍କୁ କୁହ, ଯେଉଁ କିଣାନ ଦେଶ, ତହିଁର ଚତୁଃସୀମାନୁସାରେ ତୁମ୍ଭମାନଙ୍କ ଅଧିକାରରେ ପଡ଼ିବ, ତୁମ୍ଭେମାନେ ସେହି କିଣାନ ଦେଶରେ ଉପସ୍ଥିତ ହେଲେ,
\v 3 ତୁମ୍ଭମାନଙ୍କ ଦକ୍ଷିଣ ଅଞ୍ଚଳ ଇଦୋମ ନିକଟସ୍ଥିତ ସୀନ୍‍ ପ୍ରାନ୍ତରଠାରୁ ହେବ ଓ ପୂର୍ବ ଦିଗରେ ଲବଣ ସମୁଦ୍ରର ପ୍ରାନ୍ତଠାରୁ ତୁମ୍ଭମାନଙ୍କର ଦକ୍ଷିଣ ସୀମା ହେବ।
\s5
\v 4 ପୁଣି, ତୁମ୍ଭମାନଙ୍କର ସୀମା ଦକ୍ଷିଣ ଦିଗରୁ ଫେରି ଅକ୍ରବ୍ବୀମ ଘାଟ ଦେଇ ସୀନ୍‍ ପର୍ଯ୍ୟନ୍ତ ଯିବ ଓ ସେଠାରୁ କାଦେଶ-ବର୍ଣ୍ଣେୟର ଦକ୍ଷିଣ ଦେଇ ହତ୍‍ସର-ଅଦରକୁ ଆସି ଅସ୍‍ମୋନ ପର୍ଯ୍ୟନ୍ତ ଯିବ।
\v 5 ଏଉତ୍ତାରେ ସେହି ସୀମା ଅସ୍‍ମୋନରୁ ମିସରର ନଦୀ ପର୍ଯ୍ୟନ୍ତ ବୁଲି ଆସିବ ଓ ସେହି ସୀମା ମହାସମୁଦ୍ର ନିକଟରେ ଶେଷ ହେବ।
\s5
\v 6 ଆଉ ମହାସମୁଦ୍ର ଓ ତହିଁର ସୀମା ପଶ୍ଚିମ ସୀମା ହେବ; ଏହା ତୁମ୍ଭମାନଙ୍କର ପଶ୍ଚିମ ସୀମା ହେବ।
\s5
\v 7 ଆଉ ତୁମ୍ଭମାନଙ୍କର ଉତ୍ତର ସୀମା ଏହି ତୁମ୍ଭେମାନେ ଆପଣାମାନଙ୍କ ନିମନ୍ତେ ମହାସମୁଦ୍ରଠାରୁ ହୋର ପର୍ବତ ପର୍ଯ୍ୟନ୍ତ ଚିହ୍ନିତ କରିବ;
\v 8 ହୋର ପର୍ବତଠାରୁ ତୁମ୍ଭେମାନେ ହମାତର ପ୍ରବେଶ ସ୍ଥାନ ପର୍ଯ୍ୟନ୍ତ ଚିହ୍ନିତ କରିବ; ପୁଣି, ସେଠାରୁ ସେହି ସୀମା ସଦାଦ୍‍ ନିକଟରେ ଶେଷ ହେବ।
\v 9 ପୁଣି, ସେହି ସୀମା ସିଫ୍ରୋଣ ପର୍ଯ୍ୟନ୍ତ ଯିବ ଓ ହତ୍‍ସର-ଐନନରେ ତହିଁର ଶେଷ ହେବ; ଏହା ତୁମ୍ଭମାନଙ୍କର ଉତ୍ତର ସୀମା ହେବ।
\s5
\v 10 ଆଉ ତୁମ୍ଭେମାନେ ଆପଣାମାନଙ୍କ ପୂର୍ବ ସୀମା ହତ୍‍ସର-ଐନନଠାରୁ ଶଫାମ୍‍ ପର୍ଯ୍ୟନ୍ତ ଚିହ୍ନିତ କରିବ।
\v 11 ତହୁଁ ସେହି ସୀମା ଶଫାମ୍‍ଠାରୁ ଐନ୍‍ର ପୂର୍ବ ଦିଗ ହୋଇ ରିବ୍‍ଲା ପର୍ଯ୍ୟନ୍ତ ତଳକୁ ଯିବ; ତହିଁ ଉତ୍ତାରେ ସେହି ସୀମା ଆହୁରି ତଳକୁ ଯାଇ କିନ୍ନେରତ୍‍ ହ୍ରଦର ପୂର୍ବ ପାର୍ଶ୍ୱ ଦେଇ ଯିବ।
\v 12 ପୁଣି, ସେହି ସୀମା ଯର୍ଦ୍ଦନ ଦେଇ ଯିବ ଓ ଲବଣ ସମୁଦ୍ର ନିକଟରେ ତହିଁର ଶେଷ ହେବ; ଏହି ଚତୁଃସୀମାନୁସାରେ ତୁମ୍ଭମାନଙ୍କର ଦେଶ ହେବ।”
\s5
\v 13 ପୁନଶ୍ଚ, ମୋଶା ଇସ୍ରାଏଲ-ସନ୍ତାନଗଣଙ୍କୁ ଆଜ୍ଞା ଦେଇ କହିଲେ, “ସଦାପ୍ରଭୁ ନଅ ବଂଶ ଓ ଅର୍ଦ୍ଧ ବଂଶକୁ ଯେଉଁ ଦେଶ ଦେବା ପାଇଁ ଆଜ୍ଞା ଦେଇଅଛନ୍ତି ଓ ତୁମ୍ଭେମାନେ ଯାହା ଗୁଲିବାଣ୍ଟ ଦ୍ୱାରା ଅଧିକାର କରିବ, ସେହି ଦେଶ ଏହି।
\v 14 କାରଣ ରୁବେନ୍‍-ସନ୍ତାନଗଣଙ୍କର ବଂଶ ଆପଣା ଆପଣା ପିତୃଗୃହ ଅନୁସାରେ ଓ ଗାଦ୍‍-ସନ୍ତାନଗଣଙ୍କର ବଂଶ ଆପଣା ଆପଣା ପିତୃଗୃହ ଅନୁସାରେ ଓ ମନଃଶିର ଅର୍ଦ୍ଧ ବଂଶ ଆପଣା ଆପଣା ଅଧିକାର ପାଇଅଛନ୍ତି;
\v 15 ଏହି ଦୁଇ ବଂଶ ଓ ଅର୍ଦ୍ଧ ବଂଶ ଯିରୀହୋ ନିକଟସ୍ଥ ଯର୍ଦ୍ଦନର ପୂର୍ବ ପାରିରେ ସୂର୍ଯ୍ୟୋଦୟ ଦିଗରେ ଆପଣା ଆପଣା ଅଧିକାର ପାଇଅଛନ୍ତି।”
\s ଦେଶ ବିତରଣ ଦାୟିତ୍ୱରେ ଥିବା ନେତୃବୃନ୍ଦ
\p
\s5
\v 16 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
\v 17 “ଯେଉଁମାନେ ଦେଶ ବିଭାଗ କରି ତୁମ୍ଭମାନଙ୍କୁ ଦେବେ, ସେମାନଙ୍କର ନାମ ଏହି; ଇଲୀୟାସର ଯାଜକ ଓ ନୂନର ପୁତ୍ର ଯିହୋଶୂୟ।
\v 18 ପୁଣି, ତୁମ୍ଭେମାନେ ଦେଶ ବିଭାଗ କରିବା ନିମନ୍ତେ ପ୍ରତ୍ୟେକ ବଂଶରୁ ଏକ ଏକ ଅଧିପତି ଗ୍ରହଣ କରିବ।
\s5
\v 19 ପୁଣି, ସେହି ଲୋକମାନଙ୍କର ନାମ ଏହି; ଯିହୁଦା ବଂଶୀୟ ଯିଫୁନ୍ନିର ପୁତ୍ର କାଲେବ,
\v 20 ଓ ଶିମୀୟୋନର ସନ୍ତାନମାନଙ୍କ ବଂଶୀୟ ଅମ୍ମୀହୂଦର ପୁତ୍ର ଶେମୂୟେଲ।
\s5
\v 21 ବିନ୍ୟାମୀନ୍ ବଂଶୀୟ କିଶଲୋନର ପୁତ୍ର ଇଲୀଦଦ୍‍।
\v 22 ଆଉ ଦାନ୍-ସନ୍ତାନଗଣର ବଂଶୀୟ ଜଣେ ଅଧିପତି, ଯଗ୍‍ଲିର ପୁତ୍ର ବୁକ୍‍କି।
\v 23 ଯୋଷେଫ-ସନ୍ତାନଗଣ ମଧ୍ୟରୁ; ମନଃଶି ସନ୍ତାନଗଣଙ୍କର ବଂଶୀୟ ଜଣେ ଅଧିପତି, ଏଫୋଦର ପୁତ୍ର ହନ୍ନୀୟେଲ।
\s5
\v 24 ପୁଣି, ଇଫ୍ରୟିମ-ସନ୍ତାନଗଣଙ୍କର ବଂଶୀୟ ଜଣେ ଅଧିପତି, ଶିପ୍ତନର ପୁତ୍ର କମୂୟେଲ।
\v 25 ଆଉ ସବୂଲୂନ-ସନ୍ତାନଗଣଙ୍କର ବଂଶୀୟ ଜଣେ ଅଧିପତି, ପର୍ଣ୍ଣକର ପୁତ୍ର ଇଲୀଶାଫନ୍‍,
\v 26 ଓ ଇଷାଖର-ସନ୍ତାନଗଣଙ୍କର ବଂଶୀୟ ଜଣେ ଅଧିପତି, ଅସ୍‍ସନର ପୁତ୍ର ପଲ୍‍ଟୀୟେଲ,
\s5
\v 27 ଓ ଆଶେର-ସନ୍ତାନଗଣଙ୍କର ବଂଶୀୟ ଜଣେ ଅଧିପତି, ଶଲୋମିର ପୁତ୍ର ଅହୀହୂଦ୍‍।
\v 28 ନପ୍ତାଲି-ସନ୍ତାନଗଣଙ୍କର ବଂଶୀୟ ଜଣେ ଅଧିପତି, ଅମ୍ମୀହୂଦର ପୁତ୍ର ପଦହେଲ୍।
\v 29 କିଣାନ ଦେଶରେ ଇସ୍ରାଏଲ-ସନ୍ତାନଗଣଙ୍କ ନିମନ୍ତେ ଅଧିକାର ବିଭାଗ କରି ଦେବାକୁ ସଦାପ୍ରଭୁ ଏହି ସମସ୍ତ ଲୋକଙ୍କୁ ଆଜ୍ଞା ଦେଲେ।
\s5
\c 35
\s ଲେବୀୟମାନଙ୍କୁ ପ୍ରଦତ୍ତ ନଗର
\p
\v 1 ଏଥିଉତ୍ତାରେ ସଦାପ୍ରଭୁ ମୋୟାବ-ପଦାରେ ଯିରୀହୋ ନିକଟସ୍ଥ ଯର୍ଦ୍ଦନ ନଦୀ ସମୀପରେ ମୋଶାଙ୍କୁ କହିଲେ,
\v 2 “ତୁମ୍ଭେ ଇସ୍ରାଏଲ ସନ୍ତାନଗଣକୁ ଏହି ଆଜ୍ଞା ଦିଅ; ସେମାନେ ଆପଣା ଆପଣା ଅଧିକୃତ ବାଣ୍ଟରୁ କେତେକ ବସତି ନଗର ଲେବୀୟମାନଙ୍କୁ ଦିଅନ୍ତୁ, ଆଉ ତୁମ୍ଭେମାନେ ଲେବୀୟମାନଙ୍କୁ ସେହି ନଗରମାନର ତଳିଭୂମି ନିମନ୍ତେ ସେସବୁର ଚତୁର୍ଦ୍ଦିଗସ୍ଥ ଭୂମି ଦେବ।
\s5
\v 3 ତହିଁରେ ସେହିସବୁ ନଗରରେ ସେମାନଙ୍କର ନିବାସ ହେବ; ପୁଣି, ତହିଁର ତଳିଭୂମିସବୁ ସେମାନଙ୍କ ପଶୁ, ସମ୍ପତ୍ତି ଓ ଜୀବମାନଙ୍କ ନିମନ୍ତେ ହେବ।
\v 4 ଆଉ ତୁମ୍ଭେମାନେ ଲେବୀୟମାନଙ୍କୁ ଯେଉଁ ଯେଉଁ ନଗର ଦେବ, ସେହିସବୁର ତଳିଭୂମି ନଗର-ପ୍ରାଚୀରଠାରୁ ବାହାରେ ଚତୁର୍ଦ୍ଦିଗରେ ଏକ ସହସ୍ର ହସ୍ତ ହେବ।
\s5
\v 5 ପୁଣି, ତୁମ୍ଭେମାନେ ନଗରର ବାହାରେ ତହିଁର ପୂର୍ବ ସୀମା ଦୁଇ ସହସ୍ର ହସ୍ତ, ଦକ୍ଷିଣ ସୀମା ଦୁଇ ସହସ୍ର ହସ୍ତ, ପଶ୍ଚିମ ସୀମା ଦୁଇ ସହସ୍ର ହସ୍ତ ଓ ଉତ୍ତର ସୀମା ଦୁଇ ସହସ୍ର ହସ୍ତ ପରିମିତ କରିବ; ନଗର ତହିଁର ମଧ୍ୟସ୍ଥଳରେ ରହିବ। ଏହା ସେମାନଙ୍କ ନଗରର ତଳିଭୂମି ହେବ।
\s5
\v 6 ଆଉ ତୁମ୍ଭେମାନେ ଲେବୀୟମାନଙ୍କୁ ଯେଉଁ ଯେଉଁ ନଗର ଦେବ, ତହିଁରୁ ଛଅଗୋଟି ଆଶ୍ରୟ ନଗର ହେବ, ନରହତ୍ୟାକାରୀ ସେଠାକୁ ପଳାଇବା ନିମନ୍ତେ ତୁମ୍ଭେମାନେ ତାହା ଦେବ; ଆଉ ତାହା ବ୍ୟତୀତ ଆହୁରି ବୟାଳିଶ ନଗର ଦେବ।
\v 7 ସର୍ବସୁଦ୍ଧା ତୁମ୍ଭେମାନେ ଲେବୀୟମାନଙ୍କୁ ଅଠଚାଳିଶ ନଗର ଦେବ; ତୁମ୍ଭେମାନେ ସେମାନଙ୍କୁ ନଗର ସଙ୍ଗେ ତହିଁର ତଳିଭୂମି ଦେବ।
\s5
\v 8 ପୁଣି, ଇସ୍ରାଏଲ-ସନ୍ତାନଗଣଙ୍କର ଅଧିକାରରୁ ସେହିସବୁ ନଗର ଦେବା ନିମନ୍ତେ ତୁମ୍ଭେମାନେ ଅଧିକ ଲୋକଙ୍କଠାରୁ ଅଧିକ ନେବ ଓ ଅଳ୍ପ ଲୋକଙ୍କଠାରୁ ଅଳ୍ପ ନେବ; ପ୍ରତ୍ୟେକ ବଂଶ ଆପଣାର ଅଧିକୃତ ଅଧିକାରାନୁସାରେ ଆପଣା ନଗରମାନଙ୍କରୁ ଲେବୀୟମାନଙ୍କୁ ଦେବେ।”
\s ଆଶ୍ରୟ ନଗର
\p
\s5
\v 9 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
\v 10 “ଇସ୍ରାଏଲ-ସନ୍ତାନଗଣଙ୍କୁ କୁହ, ତୁମ୍ଭେମାନେ ଯର୍ଦ୍ଦନ ପାର ହୋଇ କିଣାନ ଦେଶରେ ଉପସ୍ଥିତ ହେଲେ,
\v 11 ଆପଣାମାନଙ୍କର ଆଶ୍ରୟ ନଗର ହେବା ନିମନ୍ତେ କେତେଗୁଡ଼ିଏ ନଗର ନିରୂପଣ କରିବ, ତହିଁରେ ଯେଉଁ ଜନ ଭ୍ରାନ୍ତିରେ କୌଣସି ମନୁଷ୍ୟକୁ ବଧ କରେ, ଏପରି ନରହତ୍ୟାକାରୀ ସେଠାକୁ ପଳାଇ ଯାଇ ପାରିବ।
\s5
\v 12 ପୁଣି, ନରହତ୍ୟାକାରୀ ବିଚାରାର୍ଥେ ମଣ୍ଡଳୀ ସମ୍ମୁଖରେ ଉପସ୍ଥିତ ହେବା ପର୍ଯ୍ୟନ୍ତ ଯେପରି ନ ମରେ, ଏଥିପାଇଁ ସେହି ନଗରମାନ ପ୍ରତିହନ୍ତାଠାରୁ ତୁମ୍ଭମାନଙ୍କ ପ୍ରତି ଆଶ୍ରୟ ସ୍ଥାନ ହେବ;
\v 13 ଏହିରୂପେ ତୁମ୍ଭେମାନେ ଯେଉଁ ଯେଉଁ ନଗର ଦେବ, ତାହା ତୁମ୍ଭମାନଙ୍କ ନିମନ୍ତେ ଛଅ ଆଶ୍ରୟ ନଗର ହେବ।
\s5
\v 14 ତୁମ୍ଭେମାନେ ଯର୍ଦ୍ଦନର ପୂର୍ବପାରିରେ ତିନି ନଗର ଦେବ ଓ କିଣାନ ଦେଶ ମଧ୍ୟରେ ତିନି ନଗର ଦେବ; ତାହାସବୁ ଆଶ୍ରୟ ନଗର ହେବ।
\v 15 ଇସ୍ରାଏଲ ସନ୍ତାନମାନଙ୍କ ନିମନ୍ତେ ଓ ସେମାନଙ୍କ ମଧ୍ୟରେ ବିଦେଶୀ ଓ ପ୍ରବାସୀ ନିମନ୍ତେ ସେହି ଛଅ ନଗର ଆଶ୍ରୟ ସ୍ଥାନ ହେବ; ତହିଁରେ ଯେଉଁ ପ୍ରତ୍ୟେକ ଜନ ଭ୍ରାନ୍ତିରେ କୌଣସି ମନୁଷ୍ୟକୁ ବଧ କରେ, ସେ ସେହି ସ୍ଥାନକୁ ପଳାଇ ଯାଇ ପାରେ।
\s5
\v 16 ମାତ୍ର ଯଦି କେହି ଲୌହ ଅସ୍ତ୍ର ଦ୍ୱାରା କାହାରିକୁ ଏପରି ଆଘାତ କରେ ଯେ, ତହିଁରେ ସେ ମରେ, ତେବେ ସେ ନରହତ୍ୟାକାରୀ; ସେହି ନରହତ୍ୟାକାରୀର ଅବଶ୍ୟ ପ୍ରାଣଦଣ୍ଡ ହେବ।
\v 17 ଆଉ ଯାହା ଦ୍ୱାରା ମନୁଷ୍ୟ ମରିପାରେ, ଏପରି ପଥର ହସ୍ତରେ ନେଇ ଯଦି ସେ କାହାକୁ ଆଘାତ କରେ ଓ ତହିଁରେ ସେ ମରେ, ତେବେ ସେ ନରହତ୍ୟାକାରୀ; ସେହି ନରହତ୍ୟାକାରୀର ଅବଶ୍ୟ ପ୍ରାଣଦଣ୍ଡ ହେବ।
\v 18 ଅବା ଯାହା ଦ୍ୱାରା ମନୁଷ୍ୟ ମରିପାରେ, ଏପରି କୌଣସି କାଷ୍ଠ-ଅସ୍ତ୍ର ହସ୍ତରେ ନେଇ ଯଦି ସେ କାହାକୁ ଆଘାତ କରେ ଓ ତହିଁରେ ସେ ମରେ, ତେବେ ସେ ନରହତ୍ୟାକାରୀ; ସେହି ନରହତ୍ୟାକାରୀର ଅବଶ୍ୟ ପ୍ରାଣଦଣ୍ଡ ହେବ।
\s5
\v 19 ରକ୍ତର ପ୍ରତିହନ୍ତା ନିଜେ ସେହି ନରହତ୍ୟାକାରୀକୁ ବଧ କରିବ; ସେ ତାହାର ଦେଖା ପାଇଲେ ତାହାକୁ ବଧ କରିବ।
\v 20 ଆଉ ଯଦି ହିଂସା କରି କେହି କାହାକୁ ଧକ୍‍କା ମାରେ, ଅବା ଛକି ବସି ତାହା ଉପରେ କିଛି ପକାଏ ଓ ତହିଁରେ ସେ ମରେ;
\v 21 କିଅବା ଶତ୍ରୁତା କରି ଯଦି ସେ କାହାକୁ ଆପଣା ହସ୍ତରେ ଆଘାତ କରେ ଓ ତହିଁରେ ସେ ମରେ, ତେବେ ଯେ ତାହାକୁ ଆଘାତ କଲା, ତାହାର ଅବଶ୍ୟ ପ୍ରାଣଦଣ୍ଡ ହେବ; ସେ ନରହତ୍ୟାକାରୀ ରକ୍ତର ପ୍ରତିହନ୍ତା ସେହି ନରହତ୍ୟାକାରୀର ଦେଖା ପାଇଲେ ତାହାକୁ ବଧ କରିବ।
\s5
\v 22 ମାତ୍ର ଯଦି କେହି ଶତ୍ରୁତା ବିନା ହଠାତ୍‍ କାହାକୁ ଆଘାତ କରେ, ଅବା ଛକି ନ ବସି କାହା ଉପରେ କୌଣସି ଅସ୍ତ୍ର ପକାଏ,
\v 23 କିଅବା ଯାହା ଦ୍ୱାରା ମନୁଷ୍ୟ ମରିପାରେ, ଏପରି କୌଣସି ପଥର କାହାରି ଉପରେ ନ ଦେଖି ପକାଏ ଓ ତହିଁରେ ସେ ମରେ, ଅଥଚ ସେ ତାହାର ଶତ୍ରୁ କି ଅନିଷ୍ଟ ଚେଷ୍ଟାକାରୀ ହୋଇ ନ ଥାଏ,
\s5
\v 24 ତେବେ ମଣ୍ଡଳୀ ସେହି ବଧକାରୀର ଓ ରକ୍ତର ପ୍ରତିହନ୍ତାର ବିଷୟ ଏହି ଶାସନାନୁସାରେ ବିଚାର କରିବେ।
\v 25 ଆଉ ମଣ୍ଡଳୀ ରକ୍ତର ପ୍ରତିହନ୍ତାର ହସ୍ତରୁ ସେହି ନରହତ୍ୟାକାରୀକୁ ଉଦ୍ଧାର କରିବେ; ପୁଣି, ସେ ଯେଉଁ ସ୍ଥାନକୁ ପଳାଇ ଯାଇଥିଲା, ସେହି ଆଶ୍ରୟ ନଗରରେ ମଣ୍ଡଳୀ ପୁନର୍ବାର ତାହାକୁ ପହୁଞ୍ଚାଇ ଦେବେ ଓ ଯେପର୍ଯ୍ୟନ୍ତ ପବିତ୍ର ତୈଳରେ ଅଭିଷିକ୍ତ ମହାଯାଜକର ମୃତ୍ୟୁୁ ନ ହୁଏ, ସେ ପର୍ଯ୍ୟନ୍ତ ସେ ସେହି ସ୍ଥାନରେ ବାସ କରିବ।
\s5
\v 26 ମାତ୍ର ସେହି ନରହତ୍ୟାକାରୀ ଯେଉଁ ଆଶ୍ରୟ ନଗରକୁ ପଳାଇଅଛି, ଯଦି କୌଣସି ସମୟରେ ସେ ତହିଁର ସୀମାର ବାହାରକୁ ଯାଏ
\v 27 ଓ ରକ୍ତର ପ୍ରତିହନ୍ତା ଆଶ୍ରୟ ନଗର-ସୀମାର ବାହାରେ ତାହାକୁ ପାଏ ଓ ତହିଁର ପ୍ରତିହନ୍ତା ତାହାକୁ ବଧ କରେ, ତେବେ ସେ ରକ୍ତପାତର ଅପରାଧୀ ହେବ ନାହିଁ।
\v 28 କାରଣ ମହାଯାଜକର ମୃତ୍ୟୁୁ ପର୍ଯ୍ୟନ୍ତ ଆପଣା ଆଶ୍ରୟ ନଗରରେ ତାହାର ଥିବା ଉଚିତ୍; ମାତ୍ର ମହାଯାଜକର ମୃତ୍ୟୁୁ ହେଲା ଉତ୍ତାରେ ସେହି ନରହତ୍ୟାକାରୀ ଆପଣା ଅଧିକାର ଗୃହକୁ ଫେରି ଯାଇ ପାରିବ।
\s5
\v 29 ଆଉ ତୁମ୍ଭମାନଙ୍କର ପୁରୁଷାନୁକ୍ରମେ ସକଳ ନିବାସ ସ୍ଥାନରେ ଏହିସବୁ ତୁମ୍ଭମାନଙ୍କ ବିଚାରର ବିଧି ହେବ।
\v 30 ଯେଉଁ ବ୍ୟକ୍ତି କୌଣସି ଲୋକକୁ ବଧ କରେ, ସେହି ନରହତ୍ୟାକାରୀ ସାକ୍ଷୀମାନଙ୍କ ସାକ୍ଷ୍ୟ ଦ୍ୱାରା ହତ ହେବ; ମାତ୍ର ଏକ ସାକ୍ଷୀର ସାକ୍ଷ୍ୟ କୌଣସି ଲୋକର ପ୍ରତିକୂଳରେ ପ୍ରାଣଦଣ୍ଡ ନିମନ୍ତେ ଗ୍ରାହ୍ୟ ହେବ ନାହିଁ।
\s5
\v 31 ଆହୁରି ପ୍ରାଣଦଣ୍ଡଯୋଗ୍ୟ ନରହତ୍ୟାକାରୀର ପ୍ରାଣ ନିମନ୍ତେ କୌଣସି ପ୍ରାୟଶ୍ଚିତ୍ତ ଗ୍ରହଣ କରିବ ନାହିଁ; ମାତ୍ର ସେ ଅବଶ୍ୟ ହତ ହେବ।
\v 32 ପୁଣି, କେହି ଯେପରି ଆପଣା ଆଶ୍ରୟ ନଗରକୁ ପଳାଇ ପୁନର୍ବାର ଆପଣା ଦେଶକୁ ଆସି ବାସ କରେ, ଏଥିପାଇଁ ତୁମ୍ଭେମାନେ ଯାଜକର ମରଣ ପର୍ଯ୍ୟନ୍ତ ତାହା ନିମନ୍ତେ କୌଣସି ପ୍ରାୟଶ୍ଚିତ୍ତ ଗ୍ରହଣ କରିବ ନାହିଁ।
\s5
\v 33 ଏହିରୂପେ ତୁମ୍ଭେମାନେ ଆପଣାମାନଙ୍କ ନିବାସ ଦେଶ ଅପବିତ୍ର କରିବ ନାହିଁ; କାରଣ ରକ୍ତ ହିଁ ଦେଶକୁ ଅପବିତ୍ର କରେ; ଆଉ ଦେଶରେ ଯେଉଁ ରକ୍ତପାତ ହୁଏ, ରକ୍ତପାତୀର ରକ୍ତ ବିନା ତହିଁ ନିମନ୍ତେ କୌଣସି ପ୍ରାୟଶ୍ଚିତ୍ତ କରାଯାଇ ନ ପାରେ।
\v 34 ଏଣୁ ତୁମ୍ଭମାନଙ୍କର ଯେଉଁ ନିବାସ ଦେଶରେ ଆମ୍ଭେ ବାସ କରୁଅଛୁ, ତୁମ୍ଭେ ତାହା ଅଶୁଚି କରିବ ନାହିଁ; କାରଣ ଆମ୍ଭେ ସଦାପ୍ରଭୁ, ଇସ୍ରାଏଲ-ସନ୍ତାନଗଣଙ୍କ ମଧ୍ୟରେ ବାସ କରୁଅଛୁ।”
\s5
\c 36
\s ବିବାହିତା ସ୍ତ୍ରୀଙ୍କ ପୈତୃକ ସମ୍ପତ୍ତିର ଅଧିକାର
\p
\v 1 ଏଥିଉତ୍ତାରେ ଯୋଷେଫ-ସନ୍ତାନଗଣଙ୍କର ବଂଶୀୟ ଲୋକମାନଙ୍କ ମଧ୍ୟରୁ ମନଃଶିର ପୌତ୍ର ମାଖୀରର ପୁତ୍ର ଗିଲୀୟଦ ବଂଶୀୟ ପିତୃଗୃହର ପ୍ରଧାନମାନେ ନିକଟକୁ ଆସିଲେ, ପୁଣି, ମୋଶାଙ୍କର ସମ୍ମୁଖରେ ଓ ଇସ୍ରାଏଲ ସନ୍ତାନମାନଙ୍କ ପିତୃଗୃହର ପ୍ରଧାନ ସ୍ୱରୂପ ଅଧିପତିବର୍ଗଙ୍କ ସମ୍ମୁଖରେ ପ୍ରସ୍ତାବ କଲେ;
\v 2 ଆଉ ସେମାନେ କହିଲେ, “ସଦାପ୍ରଭୁ ଗୁଲିବାଣ୍ଟ ଦ୍ୱାରା ଇସ୍ରାଏଲ-ସନ୍ତାନଗଣଙ୍କୁ ଦେଶାଧିକାର ଦେବା ନିମନ୍ତେ ଆମ୍ଭ ପ୍ରଭୁଙ୍କୁ ଆଜ୍ଞା ଦେଲେ; ଆଉ ଆମ୍ଭ ପ୍ରଭୁ ଆମ୍ଭମାନଙ୍କ ଭ୍ରାତା ସଲଫାଦର ଅଧିକାର ତାହାର କନ୍ୟାମାନଙ୍କୁ ଦେବା ପାଇଁ ସଦାପ୍ରଭୁଙ୍କଠାରୁ ଆଜ୍ଞା ପାଇଥିଲେ।
\s5
\v 3 ମାତ୍ର ଇସ୍ରାଏଲ-ସନ୍ତାନଗଣଙ୍କର ବଂଶ ସମୂହର ସନ୍ତାନମାନଙ୍କ ମଧ୍ୟରୁ କାହାରି ସଙ୍ଗେ ଯଦି ସେମାନଙ୍କର ବିବାହ ହୁଏ, ତେବେ ଆମ୍ଭମାନଙ୍କ ପୈତୃକ ଅଧିକାରରୁ ସେମାନଙ୍କ ଅଧିକାର କଟାଯିବ; ପୁଣି, ସେମାନେ ଯେଉଁ ବଂଶରେ ଗୃହୀତ ହେବେ, ସେହି ବଂଶର ଅଧିକାରରେ ତାହା ଯୁକ୍ତ ହେବ; ଏହିରୂପେ ତାହା ଆମ୍ଭମାନଙ୍କ ଅଧିକାରର ଅଂଶରୁ କଟାଯିବ।
\v 4 ଆଉ ଯେତେବେଳେ ଇସ୍ରାଏଲ-ସନ୍ତାନଗଣଙ୍କର ଯୁବ୍‍ଲୀ ଉପସ୍ଥିତ ହେବ, ସେତେବେଳେ ସେମାନେ ଯେଉଁମାନଙ୍କ ମଧ୍ୟରେ ଗୃହୀତା, ସେହି ବଂଶର ଅଧିକାରରେ ସେମାନଙ୍କର ଅଧିକାର ଯୁକ୍ତ ହେବ; ଏହିରୂପେ ଆମ୍ଭମାନଙ୍କ ପୈତୃକ ବଂଶରୁ ସେମାନଙ୍କ ଅଧିକାର କଟାଯିବ।”
\s5
\v 5 ତହିଁରେ ମୋଶା ସଦାପ୍ରଭୁଙ୍କ ବାକ୍ୟାନୁସାରେ ଇସ୍ରାଏଲକୁ ଆଜ୍ଞା ଦେଇ କହିଲେ, “ଯୋଷେଫ-ସନ୍ତାନଗଣଙ୍କର ବଂଶ ଯଥାର୍ଥ କହୁଅଛନ୍ତି।
\v 6 ସଦାପ୍ରଭୁ ସଲଫାଦର କନ୍ୟାମାନଙ୍କ ବିଷୟରେ ଏହି ଆଜ୍ଞା ଦେଉଅଛନ୍ତି, ସେମାନେ ଯେଉଁମାନଙ୍କୁ ଅତି ଭଲ ବିଚାର କରନ୍ତି, ସେମାନଙ୍କୁ ବିବାହ ହେଉନ୍ତୁ; କିନ୍ତୁ କେବଳ ସେମାନେ ଆପଣା ପିତୃବଂଶୀୟ କୌଣସି ବଂଶ ମଧ୍ୟରେ ବିବାହ କରିବେ।
\s5
\v 7 ତାହା କଲେ ଇସ୍ରାଏଲ-ସନ୍ତାନଗଣଙ୍କର ଅଧିକାର ଏକ ବଂଶରୁ ଅନ୍ୟ ବଂଶକୁ ଯିବ ନାହିଁ; ଇସ୍ରାଏଲ-ସନ୍ତାନଗଣଙ୍କ ପ୍ରତ୍ୟେକେ ଆପଣା ଆପଣା ପୈତୃକ ବଂଶର ଅଧିକାର ମଧ୍ୟରେ ରହିବେ।
\s5
\v 8 ପୁଣି, ଇସ୍ରାଏଲ-ସନ୍ତାନଗଣଙ୍କ ପ୍ରତ୍ୟେକେ ଯେପରି ଆପଣା ଆପଣା ପୈତୃକ ଅଧିକାର ଭୋଗ କରିବେ, ଏଥିପାଇଁ ଇସ୍ରାଏଲ-ସନ୍ତାନଗଣଙ୍କର କୌଣସି ବଂଶ ମଧ୍ୟରେ ଯେଉଁ କନ୍ୟାର ଅଧିକାର ଥାଏ, ସେ ଆପଣା ପିତୃବଂଶୀୟ ପରିବାର ମଧ୍ୟରେ ଜଣକର ଭାର୍ଯ୍ୟା ହେବ।
\v 9 ତହିଁରେ ଏକ ବଂଶରୁ ଅନ୍ୟ ବଂଶକୁ ଅଧିକାର ଯିବ ନାହିଁ; ମାତ୍ର ଇସ୍ରାଏଲ-ସନ୍ତାନଗଣଙ୍କର ବଂଶସମୂହ ପ୍ରତ୍ୟେକେ ଆପଣା ଆପଣା ପୈତୃକ ଅଧିକାର ମଧ୍ୟରେ ରହିବେ।”
\s5
\v 10 ସଦାପ୍ରଭୁ ମୋଶାଙ୍କୁ ଯେପରି ଆଜ୍ଞା ଦେଲେ, ତଦନୁସାରେ ସଲଫାଦର କନ୍ୟାମାନେ କର୍ମ କଲେ।
\v 11 ଅର୍ଥାତ୍‍, ମହଲା, ତିର୍ସା, ହଗ୍‍ଲା, ମିଲ୍‍କା ଓ ନୋୟା, ସଲଫାଦର ଏହି କନ୍ୟାଗଣ ଆପଣା ଆପଣା ପିତୃବ୍ୟ ପୁତ୍ରମାନଙ୍କ ସହିତ ବିବାହ କଲେ।
\v 12 ଯୋଷେଫଙ୍କର ପୁତ୍ର ମନଃଶି-ସନ୍ତାନଗଣଙ୍କର ବଂଶ ମଧ୍ୟରେ ସେମାନଙ୍କର ବିବାହ ହେଲା, ତହିଁରେ ସେମାନଙ୍କର ଅଧିକାର ସେମାନଙ୍କ ପିତୃବଂଶୀୟ ବଂଶ ମଧ୍ୟରେ ରହିଲା।
\s5
\v 13 ସଦାପ୍ରଭୁ ଯିରୀହୋ ନିକଟସ୍ଥ ଯର୍ଦ୍ଦନ ସମୀପରେ ମୋୟାବ-ପଦାରେ ମୋଶାଙ୍କ ଦ୍ୱାରା ଇସ୍ରାଏଲ ସନ୍ତାନଗଣଙ୍କ ପ୍ରତି ଏହି ସମସ୍ତ ଆଜ୍ଞା ଓ ଶାସନ ଆଦେଶ କରିଥିଲେ।