or_ulb/09-1SA.usfm

1519 lines
337 KiB
Plaintext
Raw Permalink Blame History

This file contains invisible Unicode characters

This file contains invisible Unicode characters that are indistinguishable to humans but may be processed differently by a computer. If you think that this is intentional, you can safely ignore this warning. Use the Escape button to reveal them.

\id 1SA Odia Old Version Revision
\ide UTF-8
\rem Copyright Information: Creative Commons Attribution-ShareAlike 4.0 License
\h ପ୍ରଥମ ଶାମୁୟେଲ
\toc1 ଶାମୁୟେଲଙ୍କ ପ୍ରଥମ ପୁସ୍ତକ
\toc2 ପ୍ରଥମ ଶାମୁୟେଲ
\toc3 1sa
\mt1 ଶାମୁୟେଲଙ୍କ ପ୍ରଥମ ପୁସ୍ତକ
\s5
\c 1
\s ଶାମୁୟେଲଙ୍କ ଜନ୍ମ
\p
\v 1 ଇଫ୍ରୟିମ-ପର୍ବତମୟ ଦେଶସ୍ଥ ରାମାଥୟିମ୍‍ସୂଫୀମର ଏକ ଇଫ୍ରୟିମୀୟ ଲୋକ ଥିଲା, ତାହାର ନାମ ଇଲ୍‍କାନା, ସେ ସୂଫର ବୃଦ୍ଧ-ପ୍ରପୌତ୍ର, ତୋହର ପ୍ରପୌତ୍ର, ଇଲୀହୂର ପୁତ୍ର, ଯିରୋହମର ପୁତ୍ର;
\v 2 ପୁଣି, ତାହାର ଦୁଇ ଭାର୍ଯ୍ୟା ଥିଲେ; ଜଣକର ନାମ ହାନ୍ନା, ଅନ୍ୟର ନାମ ପନିନ୍ନା; ପନିନ୍ନାର ସନ୍ତାନସନ୍ତତି ଥିଲେ, ମାତ୍ର ହାନ୍ନାର କୌଣସି ସନ୍ତାନସନ୍ତତି ନ ଥିଲେ।
\s5
\v 3 ସେହି ବ୍ୟକ୍ତି ବର୍ଷକୁ ବର୍ଷ ସୈନ୍ୟାଧିପତି ସଦାପ୍ରଭୁଙ୍କ ନିକଟରେ ଆରାଧନା ଓ ବଳିଦାନ କରିବା ନିମନ୍ତେ ଆପଣା ନଗରରୁ ଶୀଲୋକୁ ଯାଉଥାଏ। ସେହି ସ୍ଥାନରେ ଏଲିଙ୍କର ଦୁଇ ପୁତ୍ର ହଫ୍‍ନି ଓ ପୀନହସ୍‍ ସଦାପ୍ରଭୁଙ୍କ ଯାଜକ ଥିଲେ।
\v 4 ପୁଣି, ଇଲ୍‍କାନା ବଳିଦାନ କରିବା ଦିନରେ ସେ ଆପଣା ଭାର୍ଯ୍ୟା ପନିନ୍ନାକୁ ଓ ତାହାର ପୁତ୍ର କନ୍ୟା ସମସ୍ତଙ୍କୁ ଅଂଶ ଦେଲା;
\s5
\v 5 ମାତ୍ର ସେ ହାନ୍ନାକୁ ଦ୍ୱିଗୁଣ ଅଂଶ ଦେଲା; କାରଣ ସେ ହାନ୍ନାକୁ ପ୍ରେମ କରୁଥିଲେ, ମାତ୍ର ସଦାପ୍ରଭୁ ତାହାର ଗର୍ଭାଶୟ ରୁଦ୍ଧ କରିଥିଲେ।
\v 6 ପୁଣି, ସଦାପ୍ରଭୁ ତାହାର ଗର୍ଭାଶୟ ରୁଦ୍ଧ କରିବାରୁ ତାହାର ସପତ୍ନୀ ତାହାର ରୋଷ ଜନ୍ମାଇବା ନିମନ୍ତେ ତାହାକୁ ଅତିଶୟ ବିରକ୍ତ କରେ।
\s5
\v 7 ସେ ସଦାପ୍ରଭୁଙ୍କ ଗୃହକୁ ଗଲା ବେଳେ ତାହାର ସ୍ୱାମୀ ବର୍ଷକୁ ବର୍ଷ ଏପରି କରେ, ତାହାର ସପତ୍ନୀ ମଧ୍ୟ ସେହିପରି ତାହାକୁ ବିରକ୍ତ କରେ; ଏହେତୁ ସେ ରୋଦନ କରେ, ଆଉ କିଛି ଖାଏ ନାହିଁ।
\v 8 ଏଥିରେ ତାହାର ସ୍ୱାମୀ ଇଲ୍‍କାନା ତାହାକୁ କହିଲା, ହାନ୍ନା, କାହିଁକି ରୋଦନ କରୁଅଛ ? କାହିଁକି ଖାଉ ନାହଁ ? କାହିଁକି ତୁମ୍ଭ ମନ ଦୁଃଖିତ ହୋଇଅଛି ? ମୁଁ କି ଦଶ ପୁତ୍ରଠାରୁ ତୁମ୍ଭ ପ୍ରତି ଉତ୍ତମ ନୁହେଁ ?
\s5
\v 9 ଏହିରୂପେ ଏକ ସମୟରେ ସେମାନେ ଶୀଲୋରେ ଭୋଜନପାନ ସମାପ୍ତ କଲା ଉତ୍ତାରେ ହାନ୍ନା ଉଠିଲା। ସେସମୟରେ ଏଲି ଯାଜକ ସଦାପ୍ରଭୁଙ୍କ ମନ୍ଦିର-ଦ୍ୱାରବନ୍ଧ ନିକଟସ୍ଥ ଆପଣା ଆସନରେ ବସିଥିଲେ।
\v 10 ପୁଣି, ହାନ୍ନା ତିକ୍ତମନା ହୋଇ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରୁ କରୁ ଅତିଶୟ ରୋଦନ କଲା।
\s5
\v 11 ପୁଣି, ସେ ଏକ ମାନତ ମନାଶି କହିଲା; ହେ ସୈନ୍ୟାଧିପତି ସଦାପ୍ରଭୁ, ଯେବେ ତୁମ୍ଭେ ଆପଣା ଦାସୀର ଦୁଃଖ ପ୍ରତି ନିତାନ୍ତ ଦୃଷ୍ଟିପାତ କରିବ ଓ ମୋତେ ସ୍ମରଣ କରି ଆପଣା ଦାସୀକୁ ପାସୋରିବ ନାହିଁ, ମାତ୍ର ଆପଣା ଦାସୀକୁ ଗୋଟିଏ ପୁରୁଷ-ସନ୍ତାନ ଦେବ, ତେବେ ମୁଁ ତାହାର ଯାବଜ୍ଜୀବନ ତାହାକୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଦାନ କରିବି ଓ ତାହାର ମସ୍ତକରେ କ୍ଷୁର ଲାଗିବ ନାହିଁ।
\s5
\v 12 ଏହିରୂପେ ସେ ସଦାପ୍ରଭୁଙ୍କ ସାକ୍ଷାତରେ ପ୍ରାର୍ଥନା କରୁଥିବା ସମୟରେ ଏଲି ତାହାର ମୁଖକୁ ଅନାଇଲେ।
\v 13 ସେସମୟରେ ହାନ୍ନା ଆପଣା ମନେ ମନେ କଥା କହୁଥିଲା; କେବଳ ତାହାର ଓଷ୍ଠ ହଲୁଥିଲା, ମାତ୍ର ତାହାର ରବ ଶୁଣାଯାଉ ନ ଥିଲା; ତେଣୁ ସେ ମତ୍ତ ହୋଇଥିବ ବୋଲି ଏଲି ବିଚାର କଲେ।
\v 14 ତହିଁରେ ଏଲି ତାହାକୁ କହିଲେ, ତୁମ୍ଭେ କେତେ କାଳ ମତ୍ତ ହୋଇଥିବ ? ତୁମ୍ଭ ଦ୍ରାକ୍ଷାରସ ତୁମ୍ଭଠାରୁ ଦୂର କର।
\s5
\v 15 ଏଥିରେ ହାନ୍ନା ଉତ୍ତର ଦେଇ କହିଲା, ନା, ମୋହର ପ୍ରଭୁ, ମୁଁ ଦୁଃଖିନୀ ସ୍ତ୍ରୀ; ମୁଁ ଦ୍ରାକ୍ଷାରସ କି ମଦ୍ୟପାନ କରି ନାହିଁ, ମାତ୍ର ସଦାପ୍ରଭୁଙ୍କ ସମ୍ମୁଖରେ ମୁଁ ଆପଣା ପ୍ରାଣ (ବେଦନା) ଢାଳୁଥିଲି।
\v 16 ଆପଣା ଦାସୀକୁ ବେକାର ସ୍ତ୍ରୀ
\f +
\fr 1:16
\fq ବେକାର ସ୍ତ୍ରୀ
\ft ବେଲିଆଲ୍‍ କନ୍ୟା
\f* ବୋଲି ଜ୍ଞାନ ନ କର; ମୁଁ ଆପଣା ଚିନ୍ତା ଓ ବିରକ୍ତିର ବାହୁଲ୍ୟ ସକାଶୁ ଏପର୍ଯ୍ୟନ୍ତ କଥା କହୁଥିଲି।
\s5
\v 17 ତହିଁରେ ଏଲି ଉତ୍ତର ଦେଇ କହିଲେ, କୁଶଳରେ ଯାଅ; ଯାହା ତୁମ୍ଭେ ମାଗିଲ, ଇସ୍ରାଏଲର ପରମେଶ୍ୱର ତୁମ୍ଭର ସେହି ନିବେଦନ ଅନୁସାରେ ତୁମ୍ଭକୁ ଦେଉନ୍ତୁ।
\v 18 ତହୁଁ ସେ କହିଲା, ତୁମ୍ଭ ଦାସୀ ତୁମ୍ଭ ଦୃଷ୍ଟିରେ ଅନୁଗ୍ରହପ୍ରାପ୍ତ ହେଉ। ଆଉ ସେ ସ୍ତ୍ରୀ ଆପଣା ପଥରେ ଗଲା ଓ ଭୋଜନ କଲା, ପୁଣି, ତାହାର ମୁଖ ଆଉ ବିଷର୍ଣ୍ଣ ନୋହିଲା।
\s ଶାମୁୟେଲଙ୍କ ଜନ୍ମ ଓ ଉତ୍ସର୍ଗ
\p
\s5
\v 19 ଏଉତ୍ତାରେ ସେମାନେ ଅତି ପ୍ରଭାତରେ ଉଠି ସଦାପ୍ରଭୁଙ୍କ ଆରାଧନା କରି ଫେରିଲେ ଓ ଆପଣାମାନଙ୍କ ବାସସ୍ଥାନ ରାମାକୁ ଆସିଲେ; ଆଉ ଇଲ୍‍କାନା ଆପଣା ଭାର୍ଯ୍ୟା ହାନ୍ନାର ସହବାସ କରନ୍ତେ, ସଦାପ୍ରଭୁ ତାହାକୁ ସ୍ମରଣ କଲେ।
\v 20 ପୁଣି, ସମୟ ଉପସ୍ଥିତ ହୁଅନ୍ତେ, ହାନ୍ନା ଗର୍ଭଧାରଣ କରି ପୁତ୍ର ପ୍ରସବ କଲା; ଆଉ ମୁଁ ସଦାପ୍ରଭୁଙ୍କୁ ମାଗିଥିଲି, ଏହା କହି ତାହାର ନାମ ଶାମୁୟେଲ (ପରମେଶ୍ୱର ଦତ୍ତ) ରଖିଲା।
\s5
\v 21 ଏଉତ୍ତାରେ ଇଲ୍‍କାନା ଓ ତାହାର ଗୃହସ୍ଥ ସମସ୍ତେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବାର୍ଷିକ ବଳିଦାନ ଓ ଆପଣା ମାନତ ନିବେଦନ କରିବାକୁ ଗଲେ।
\v 22 ମାତ୍ର ହାନ୍ନା ଗଲା ନାହିଁ; କାରଣ ସେ ଆପଣା ସ୍ୱାମୀକୁ କହିଲା, ବାଳକ ସ୍ତନ୍ୟପାନ ତ୍ୟାଗ କରିବା ପର୍ଯ୍ୟନ୍ତ (ମୁଁ ଯିବି ନାହିଁ), ତହିଁ ଉତ୍ତାରେ ମୁଁ ତାହାକୁ ନେଇ ଯିବି, ତହିଁରେ ସେ ସଦାପ୍ରଭୁଙ୍କ ସାକ୍ଷାତରେ ଉପସ୍ଥିତ ହେବ ଓ ସେଠାରେ ସର୍ବଦା ରହିବ।
\v 23 ତହୁଁ ତାହାର ସ୍ୱାମୀ ଇଲ୍‍କାନା ତାହାକୁ କହିଲା, ଯାହା ତୁମ୍ଭକୁ ଭଲ ଦିଶେ, କର; ତାହାକୁ ସ୍ତନ୍ୟପାନ ତ୍ୟାଗ କରାଇବା ପର୍ଯ୍ୟନ୍ତ ରୁହ; ସଦାପ୍ରଭୁ କେବଳ ଆପଣା ବାକ୍ୟ ସ୍ଥିର କରନ୍ତୁ। ତେଣୁ ସେହି ସ୍ତ୍ରୀ ଆପଣା ପୁତ୍ରକୁ ସ୍ତନ୍ୟପାନ ତ୍ୟାଗ କରାଇବା ପର୍ଯ୍ୟନ୍ତ ଅପେକ୍ଷା କରି ସ୍ତନ୍ୟପାନ କରାଇଲା।
\s5
\v 24 ଏଥିଉତ୍ତାରେ ସେ ତାହାକୁ ସ୍ତନ୍ୟପାନ ତ୍ୟାଗ କରାନ୍ତେ, ତିନି ଗୋବତ୍ସ ଓ ଏକ ଐଫା
\f +
\fr 1:24
\fq ଏକ ଐଫା
\ft ପ୍ରାୟ ୧0 କିଲୋ
\f* ମଇଦା ଓ ଏକ କୁମ୍ପା ଦ୍ରାକ୍ଷାରସ ସହିତ ତାହାକୁ ଶୀଲୋସ୍ଥିତ ସଦାପ୍ରଭୁଙ୍କ ଗୃହକୁ ଆଣିଲା; ସେତେବେଳେ ବାଳକ ଅଳ୍ପ ବୟସ୍କ ଥିଲା।
\v 25 ତହୁଁ ସେମାନେ ଗୋବତ୍ସ ବଧ କରି ବାଳକକୁ ଏଲିଙ୍କ କତିକି ଆଣିଲେ।
\s5
\v 26 ତହିଁରେ ସେ ସ୍ତ୍ରୀ କହିଲା, ହେ ମୋହର ପ୍ରଭୁ, ତୁମ୍ଭ ପ୍ରାଣ ଜୀବିତ ଥିବା ପ୍ରମାଣେ, ହେ ମୋହର ପ୍ରଭୁ, ଯେଉଁ ସ୍ତ୍ରୀ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରୁ କରୁ ଏହି ସ୍ଥାନରେ ତୁମ୍ଭ ସମ୍ମୁଖରେ ଠିଆ ହୋଇଥିଲା, ମୁଁ ସେହି।
\v 27 ଏହି ବାଳକ ନିମନ୍ତେ ମୁଁ ପ୍ରାର୍ଥନା କରିଥିଲି; ଆଉ ମୁଁ ଯାହା ମାଗିଥିଲି, ସଦାପ୍ରଭୁ ମୋହର ସେହି ନିବେଦନ ଅନୁସାରେ ମୋତେ ଦେଇଅଛନ୍ତି।
\v 28 ଏଣୁ ମୁଁ ମଧ୍ୟ ତାହାକୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନିବେଦନ କଲି; ସେ ଯାବଜ୍ଜୀବନ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସମର୍ପଣ ହେଲା, ଏଉତ୍ତାରେ ସେ ସେଠାରେ ସଦାପ୍ରଭୁଙ୍କର ଆରାଧନା କଲା।
\s5
\c 2
\s ହାନ୍ନାଙ୍କ ପ୍ରାର୍ଥନା
\p
\v 1 ପୁଣି, ହାନ୍ନା ପ୍ରାର୍ଥନା କରି କହିଲା; ମୋହର ଅନ୍ତଃକରଣ ସଦାପ୍ରଭୁଙ୍କଠାରେ ମହାଉଲ୍ଲାସ କରୁଅଛି, ସଦାପ୍ରଭୁଙ୍କଠାରେ ମୋହର ଶୃଙ୍ଗ ଉନ୍ନତ ହୋଇଅଛି; ମୋହର ମୁଖ ମୋର ଶତ୍ରୁମାନଙ୍କ ନିକଟରେ ଖୋଲିଅଛି; ଯେହେତୁ ମୁଁ ତୁମ୍ଭ ପରିତ୍ରାଣରେ ଆନନ୍ଦ କରେ।
\s5
\v 2 ସଦାପ୍ରଭୁଙ୍କ ତୁଲ୍ୟ ପବିତ୍ର ଆଉ କେହି ନାହିଁ; ଯେହେତୁ ତୁମ୍ଭ ଭିନ୍ନ ଆଉ କେହି ନାହିଁ; କିଅବା ଆମ୍ଭମାନଙ୍କ ପରମେଶ୍ୱରଙ୍କ ତୁଲ୍ୟ କୌଣସି ଶୈଳ ନାହିଁ।
\s5
\v 3 ଏପରି ଅତି ଅହଙ୍କାରରେ ଆଉ କଥା ନ କୁହ; ତୁମ୍ଭମାନଙ୍କ ମୁଖରୁ ଦାମ୍ଭିକତା ନିର୍ଗତ ନ ହେଉ; କାରଣ ସଦାପ୍ରଭୁ ସର୍ବଜ୍ଞ ପରମେଶ୍ୱର ଅଟନ୍ତି, ତାହାଙ୍କ ଦ୍ୱାରା ସକଳ କ୍ରିୟା ତୌଲାଯାଏ।
\v 4 ବୀରମାନଙ୍କର ଧନୁ ଭଙ୍ଗାଯାଇଅଛି ଓ ଝୁଣ୍ଟି ପଡ଼ିବା ଲୋକମାନଙ୍କର କଟି ବଳରେ ବନ୍ଧାଯାଇଅଛି।
\s5
\v 5 ଯେଉଁମାନେ ପରିତୃପ୍ତ ଥିଲେ, ସେମାନେ ଆପେ ଖାଦ୍ୟ ନିମନ୍ତେ ବେତନଜୀବୀ ହୋଇଅଛନ୍ତି ଓ ଯେଉଁମାନେ କ୍ଷୁଧିତ ଥିଲେ, ସେମାନେ ବିଶ୍ରାମ ପାଇଅଛନ୍ତି; ହଁ, ବନ୍ଧ୍ୟା ସପ୍ତ ସନ୍ତାନ ପ୍ରସବ କରିଅଛି ଓ ଯାହାର ଅନେକ ସନ୍ତାନସନ୍ତତି ଥିଲେ, ସେ ନିସ୍ତେଜ ହେଉଅଛି।
\s5
\v 6 ସଦାପ୍ରଭୁ ମୃତ୍ୟୁୁ ଘଟାନ୍ତି ଓ ସଜୀବ କରନ୍ତି; ସେ ପାତାଳକୁ ଓହ୍ଲାଇ ଆଣନ୍ତି ଓ ଉପରକୁ ଉଠାଇ ନିଅନ୍ତି।
\v 7 ସଦାପ୍ରଭୁ ନିର୍ଦ୍ଧନ କରନ୍ତି ଓ ଧନବାନ କରନ୍ତି; ସେ ନତ କରନ୍ତି, ସେ ମଧ୍ୟ ଉନ୍ନତ କରନ୍ତି।
\s5
\v 8 ସେ କୁଳୀନମାନଙ୍କ ସଙ୍ଗେ ବସାଇବା ପାଇଁ ଓ ଗୌରବ ସିଂହାସନ ଅଧିକାର କରିବା ପାଇଁ ଧୂଳିରୁ ଦୀନହୀନକୁ ଉଠାନ୍ତି ଓ ଦରିଦ୍ରକୁ ଖତରାଶିରୁ ଉନ୍ନତ କରନ୍ତି; କାରଣ ପୃଥିବୀର ସ୍ତମ୍ଭସକଳ ସଦାପ୍ରଭୁଙ୍କର ଓ ସେ ତହିଁ ଉପରେ ଜଗତ ସ୍ଥାପନ କରିଅଛନ୍ତି।
\s5
\v 9 ସେ ଆପଣା ଧାର୍ମିକ ଲୋକମାନଙ୍କର ଚରଣ ରକ୍ଷା କରିବେ; ମାତ୍ର ଦୁଷ୍ଟମାନେ ଅନ୍ଧକାରରେ ନୀରବ କରାଯିବେ;
\f +
\fr 2:9
\ft ଅର୍ଥାତ୍ ଦୁଷ୍ଟମାନେ ମୃତ୍ୟୁବରଣ କରି ଅନ୍ଧକାରକୁ ଯିବେ
\f* ଯେହେତୁ କୌଣସି ମନୁଷ୍ୟ ବଳରେ ଜୟୀ ହୋଇ ପାରିବ ନାହିଁ।
\s5
\v 10 ଯେଉଁମାନେ ସଦାପ୍ରଭୁଙ୍କ ସହିତ ବିବାଦ କରନ୍ତି, ସେମାନେ ଭଗ୍ନ ହେବେ; ସେ ସ୍ୱର୍ଗରେ ଥାଇ ସେମାନଙ୍କ ବିରୁଦ୍ଧରେ ଗର୍ଜ୍ଜନ କରିବେ; ସଦାପ୍ରଭୁ ପୃଥିବୀର ପ୍ରାନ୍ତଭାଗ ପର୍ଯ୍ୟନ୍ତ ଶାସନ କରିବେ ଓ ସେ ଆପଣା ରାଜାକୁ ବଳ ଦେବେ, ପୁଣି, ଆପଣା ଅଭିଷେକୀଙ୍କ ଶୃଙ୍ଗ ଉନ୍ନତ କରିବେ।
\s5
\v 11 ଏଉତ୍ତାରେ ଇଲ୍‍କାନା ରାମାସ୍ଥିତ ଆପଣା ଗୃହକୁ ଗଲା। ପୁଣି, ବାଳକ ଏଲି ଯାଜକଙ୍କ ସମ୍ମୁଖରେ ଥାଇ ସଦାପ୍ରଭୁଙ୍କର ପରିଚର୍ଯ୍ୟା କଲା।
\s ଏଲିଙ୍କର ଅଯୋଗ୍ୟ ପୁତ୍ରଗଣ
\p
\s5
\v 12 ଏଲିଙ୍କର ପୁତ୍ରମାନେ ଦୁଷ୍ଟ
\f +
\fr 2:12
\fq ଦୁଷ୍ଟ
\ft ବେଲିଆଲ୍‍ର ସନ୍ତାନ
\f* ଥିଲେ, ସେମାନେ ସଦାପ୍ରଭୁଙ୍କୁ ଜାଣିଲେ ନାହିଁ।
\v 13 ସେହି ଯାଜକମାନେ ଲୋକମାନଙ୍କ ସହିତ ଏପରି ବ୍ୟବହାର କରୁଥିଲେ ଯେ, କୌଣସି ଲୋକ ବଳିଦାନ କଲେ, ମାଂସ ସିଦ୍ଧ ହେବା ସମୟରେ ଯାଜକର ଦାସ ହସ୍ତରେ ତ୍ରିଶୂଳ ଘେନି ଆସେ;
\v 14 ଆଉ ସେ ପାତ୍ର, ବା ତସଲା, ବା ହଣ୍ଡା, ବା କହ୍ରାଇ ଭିତରେ ମାରେ; ଯେତେକ ତ୍ରିଶୂଳରେ ଆସେ, ସେସବୁ ଯାଜକ ନିଏ। ଇସ୍ରାଏଲର ଯେତେ ଲୋକ ଶୀଲୋକୁ ଆସିଲେ, ସେଠାରେ ସେମାନେ ସେସମସ୍ତଙ୍କ ପ୍ରତି ଏହିପରି କରୁଥିଲେ।
\s5
\v 15 ଆହୁରି ମେଦ ଦଗ୍ଧ କରିବା ପୂର୍ବରୁ ଯାଜକର ଦାସ ବଳିଦାନକାରୀ ଲୋକ ନିକଟକୁ ଆସି କହେ, ଯାଜକ ପାଇଁ ମାଂସ ଦିଅ; କାରଣ ସେ ତୁମ୍ଭଠାରୁ ସିଦ୍ଧ ମାଂସ ନେବେ ନାହିଁ, କଞ୍ଚା ନେବେ।
\v 16 ଏଥିରେ ଯେବେ ସେ ଲୋକ ତାହାକୁ କହେ, ମେଦ ଏହିକ୍ଷଣି ଦଗ୍ଧ ହେବ, ତହିଁ ଉତ୍ତାରେ ତୁମ୍ଭ ପ୍ରାଣ ଯେତେ ଚାହେଁ ସେତେ ନିଅ; ତେବେ ସେ ଉତ୍ତର କରେ, ନାହିଁ, ମାତ୍ର ଏହିକ୍ଷଣି ତାହା ମୋତେ ଦେବାକୁ ହେବ; ତୁମ୍ଭେ ନ ଦେଲେ ତାହା ବଳରେ ନେବି।
\v 17 ଏରୂପେ ସଦାପ୍ରଭୁଙ୍କ ସାକ୍ଷାତରେ ସେହି ଯୁବା ଲୋକଙ୍କର ପାପ ଅତି ଭାରୀ ହେଲା; କାରଣ ସେହି ଲୋକମାନେ ସଦାପ୍ରଭୁଙ୍କ ନୈବେଦ୍ୟ ତୁଚ୍ଛଜ୍ଞାନ କଲେ।
\s5
\v 18 ସେସମୟରେ ଶାମୁୟେଲ ବାଳକ ଶୁକ୍ଳ ଏଫୋଦ ପିନ୍ଧି ସଦାପ୍ରଭୁଙ୍କ ସମ୍ମୁଖରେ ପରିଚର୍ଯ୍ୟା କଲେ।
\v 19 ଆହୁରି ତାଙ୍କର ମାତା ପ୍ରତି ବର୍ଷ ଆପଣା ସ୍ୱାମୀ ସଙ୍ଗେ ବାର୍ଷିକ ବଳି ଉତ୍ସର୍ଗ କରିବାକୁ ଆସିବା ବେଳେ ତାଙ୍କ ପାଇଁ ଗୋଟିଏ ସାନ ଚୋଗା ବନାଇ ତାଙ୍କ କତିକି ଆଣିଥାଏ।
\s5
\v 20 ପୁଣି, ଏଲି ଇଲ୍‍କାନାକୁ ଓ ତାହାର ଭାର୍ଯ୍ୟାକୁ ଆଶୀର୍ବାଦ କରି କହିଲେ, ସଦାପ୍ରଭୁଙ୍କ ନିକଟରେ ଯାହା ନିବେଦିତ ହୋଇଅଛି, ସେହି ନିବେଦନ ସକାଶୁ ସଦାପ୍ରଭୁ ଏହି ସ୍ତ୍ରୀଠାରୁ ତୁମ୍ଭକୁ ସନ୍ତାନ ଦେଉନ୍ତୁ।
\v 21 ଏଉତ୍ତାରେ ସେମାନେ ଆପଣା ଗୃହକୁ ଫେରିଗଲେ। ପୁଣି, ସଦାପ୍ରଭୁ ହାନ୍ନାର ତତ୍ତ୍ୱାବଧାରଣ କଲେ ଓ ସେ ଗର୍ଭଧାରଣ କରି ତିନି ପୁତ୍ର ଓ ଦୁଇ କନ୍ୟା ପ୍ରସବ କଲେ। ଏଥି ମଧ୍ୟରେ ଶାମୁୟେଲ ବାଳକ ସଦାପ୍ରଭୁଙ୍କ ସାକ୍ଷାତରେ ବଢ଼ିବାକୁ ଲାଗିଲେ।
\s5
\v 22 ଏଲି ଅତି ବୃଦ୍ଧ ହେଲେ; ପୁଣି, ତାଙ୍କର ପୁତ୍ରମାନେ ସମୁଦାୟ ଇସ୍ରାଏଲ ପ୍ରତି ଯାହା ଯାହା କଲେ ଓ ସମାଗମ-ତମ୍ବୁ ଦ୍ୱାର ନିକଟରେ ସେବାକାରିଣୀ ସ୍ତ୍ରୀଗଣ ସହିତ କିପରି ଶୟନ କଲେ, ଏସବୁ କଥା ସେ ଶୁଣିଲେ।
\v 23 ତହୁଁ ସେ ସେମାନଙ୍କୁ କହିଲେ, ତୁମ୍ଭେମାନେ କାହିଁକି ଏପରି କଥା କରୁଅଛ ? କାରଣ ମୁଁ ଏହି ସମସ୍ତ ଲୋକଙ୍କଠାରୁ ତୁମ୍ଭମାନଙ୍କ ବିଷୟରେ ନାନା ମନ୍ଦ କଥା ଶୁଣୁଅଛି।
\v 24 ନାହିଁ, ନାହିଁ, ମୋହର ପୁତ୍ରମାନେ, ମୁଁ ଯେଉଁ ଜନରବ ଶୁଣୁଅଛି, ତାହା ଭଲ ନୁହେଁ; ତୁମ୍ଭେମାନେ ସଦାପ୍ରଭୁଙ୍କ ଲୋକମାନଙ୍କୁ ଆଜ୍ଞାଲଂଘନ କରାଉଅଛ।
\s5
\v 25 ମନୁଷ୍ୟ ଯଦି ମନୁଷ୍ୟ ବିରୁଦ୍ଧରେ ପାପ କରେ, ତେବେ ପରମେଶ୍ୱର ତାହାର ବିଚାର କରିବେ; ମାତ୍ର ମନୁଷ୍ୟ ଯଦି ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ କରେ, ତେବେ କିଏ ତାହା ପକ୍ଷରେ ପ୍ରାର୍ଥନା କରିବ ? ତଥାପି ସେମାନେ ଆପଣା ପିତାଙ୍କ ରବ ଶୁଣିଲେ ନାହିଁ, କାରଣ ସେମାନଙ୍କୁ ବଧ କରିବାକୁ ସଦାପ୍ରଭୁଙ୍କର ଇଚ୍ଛା ଥିଲା।
\v 26 ମାତ୍ର ବାଳକ ଶାମୁୟେଲ କ୍ରମେ କ୍ରମେ ବୃଦ୍ଧି ପାଇଲେ, ପୁଣି, ସଦାପ୍ରଭୁଙ୍କର ଓ ମଧ୍ୟ ମନୁଷ୍ୟର ସାକ୍ଷାତରେ ଅନୁଗ୍ରହପ୍ରାପ୍ତ ହେଲେ।
\s ଏଲିଙ୍କ ପରିବାର ବିରୁଦ୍ଧରେ ଭବିଷ୍ୟଦ୍‍ବାଣୀ
\p
\s5
\v 27 ଏଥିଉତ୍ତାରେ ପରମେଶ୍ୱରଙ୍କର ଏକ ଲୋକ ଏଲିଙ୍କ ନିକଟକୁ ଆସି ତାଙ୍କୁ କହିଲା, ସଦାପ୍ରଭୁ ଏହି କଥା କହନ୍ତି, ଯେଉଁ ସମୟରେ ତୁମ୍ଭ ପିତୃଗୃହ ମିସରରେ ଫାରୋର ଦାସତ୍ୱରେ ଥିଲେ, ସେସମୟରେ ଆମ୍ଭେ କି ପ୍ରତ୍ୟକ୍ଷ ରୂପେ ସେମାନଙ୍କୁ ଦର୍ଶନ ଦେଇ ନାହୁଁ
\v 28 ଓ ଆମ୍ଭେ କି ଆମ୍ଭ ବେଦି ଉପରକୁ ଯିବାକୁ ଓ ଧୂପ ଜ୍ୱଳାଇବାକୁ ଓ ଆମ୍ଭ ସମ୍ମୁଖରେ ଏଫୋଦ ପରିଧାନ କରିବାକୁ ସମଗ୍ର ଇସ୍ରାଏଲ ଗୋଷ୍ଠୀ ମଧ୍ୟରୁ ତାହାକୁ ଯାଜକ ହେବା ପାଇଁ ମନୋନୀତ କରି ନାହୁଁ ? ଆହୁରି, ଆମ୍ଭେ କି ଇସ୍ରାଏଲ ସନ୍ତାନଗଣର ଅଗ୍ନିକୃତ ସମସ୍ତ ଉପହାର ତୁମ୍ଭ ପିତୃଗୃହକୁ ଦେଇ ନାହୁଁ ?
\s5
\v 29 ତେବେ ଆମ୍ଭେ ଆପଣା ଆବାସରେ ଯେ ଯେ ବଳି ଓ ନୈବେଦ୍ୟ ଉତ୍ସର୍ଗ କରିବାକୁ ଆଜ୍ଞା ଦେଇଅଛୁ, ତୁମ୍ଭେମାନେ କାହିଁକି ତହିଁରେ ପଦାଘାତ କରୁଅଛ ? ପୁଣି, ଆମ୍ଭ ଲୋକ ଇସ୍ରାଏଲର ସର୍ବୋତ୍ତମ ସମସ୍ତ ନୈବେଦ୍ୟରେ ଆପଣାମାନଙ୍କୁ ହୃଷ୍ଟପୁଷ୍ଟ କରିବା ନିମନ୍ତେ ଆମ୍ଭ ଅପେକ୍ଷା ଆପଣା ପୁତ୍ରମାନଙ୍କର ଅଧିକ ଗୌରବ କରୁଅଛ ?
\v 30 ଏଣୁ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର କହନ୍ତି, ତୁମ୍ଭ ଗୃହ ଓ ତୁମ୍ଭ ପିତୃଗୃହ ଆମ୍ଭ ସମ୍ମୁଖରେ ଅନନ୍ତ କାଳ ଗମନାଗମନ କରିବେ ବୋଲି ଆମ୍ଭେ କହିଥିଲୁ ପ୍ରମାଣ, ମାତ୍ର ଏବେ ସଦାପ୍ରଭୁ କହନ୍ତି, ତାହା ଆମ୍ଭଠାରୁ ଦୂର ହେଉ; କାରଣ ଯେଉଁମାନେ ଆମ୍ଭର ଗୌରବ କରନ୍ତି, ଆମ୍ଭେ ସେମାନଙ୍କର ଗୌରବ କରିବା, ମାତ୍ର ଯେଉଁମାନେ ଆମ୍ଭକୁ ତୁଚ୍ଛଜ୍ଞାନ କରନ୍ତି, ସେମାନେ ଲଘୁଜ୍ଞାନ କରାଯିବେ।
\s5
\v 31 ଦେଖ, ଯେଉଁ ଦିନ ଆମ୍ଭେ ତୁମ୍ଭର ବାହୁ ଓ ତୁମ୍ଭ ପିତୃଗୃହର ବାହୁ କାଟି ପକାଇବା,
\f +
\fr 2:31
\ft ଅର୍ଥାତ୍ ଆମ୍ଭେ ତୁମ୍ଭକୁ ଓ ତୁମ୍ଭର ପରିବାରର ସମସ୍ତ ଶକ୍ତିଶାଳୀ ଯୁବା ପୁରୁଷଗଣକୁ ବଧ କରିବା
\f* ଏପରି ଦିନ ଆସୁଅଛି, ତହିଁରେ ତୁମ୍ଭ ଗୃହରେ ଜଣେ ବୃଦ୍ଧ ଲୋକ ରହିବ ନାହିଁ।
\v 32 ପୁଣି, ପରମେଶ୍ୱର ଇସ୍ରାଏଲକୁ ଯେ ଯେ ମଙ୍ଗଳ ପ୍ରଦାନ କରିବେ, ସେସବୁ ମଧ୍ୟରେ ତୁମ୍ଭେ ଆମ୍ଭ ଆବାସରେ ବିପତ୍ତି ଦେଖିବ; ଆଉ ତୁମ୍ଭ ଗୃହରେ କେହି କଦାପି ବୃଦ୍ଧ ହେବ ନାହିଁ।
\v 33 ଆଉ ତୁମ୍ଭର ଯେଉଁ ଲୋକକୁ ଆମ୍ଭେ ଆପଣା ଯଜ୍ଞବେଦିରୁ ଉଚ୍ଛିନ୍ନ ନ କରିବା, ସେ ତୁମ୍ଭ ଚକ୍ଷୁର କ୍ଷୟ ଓ ତୁମ୍ଭ ହୃଦୟର ଶୋକ ଜନ୍ମାଇବାକୁ ରହିବ; ପୁଣି, ତୁମ୍ଭ ବଂଶଜାତ ସମସ୍ତେ ଯୌବନାବସ୍ଥାରେ ମରିବେ।
\s5
\v 34 ପୁଣି, ତୁମ୍ଭର ଦୁଇ ପୁତ୍ର ହଫ୍‍ନି ଓ ପୀନହସ୍‍ ପ୍ରତି ଯାହା ଘଟିବ, ତାହା ତୁମ୍ଭ ପାଇଁ ଚିହ୍ନ ସ୍ୱରୂପ ହେବ; ସେ ଦୁହେଁ ଏକ ଦିନରେ ମରିବେ।
\v 35 ପୁଣି, ଆମ୍ଭେ ଆପଣା ନିମନ୍ତେ ଏକ ବିଶ୍ୱସ୍ତ ଯାଜକ ଉତ୍ପନ୍ନ କରିବା, ସେ ଆମ୍ଭ ମନ ଓ ଆମ୍ଭ ହୃଦୟ ଅନୁସାରେ କର୍ମ କରିବ; ଆଉ ଆମ୍ଭେ ତାହାର ବଂଶ ସ୍ଥିର କରିବା; ପୁଣି, ସେ ଆମ୍ଭ ଅଭିଷିକ୍ତଙ୍କ ସମ୍ମୁଖରେ ସର୍ବଦା ଗମନାଗମନ କରିବ।
\s5
\v 36 ଆଉ, ତୁମ୍ଭ ବଂଶର ଅବଶିଷ୍ଟ ପ୍ରତ୍ୟେକ ଜଣ ଏକ ରୂପା ମୁଦ୍ରା ଓ ଏକ ରୁଟି ପାଇଁ ତାହା ପାଖକୁ ଆସି ପ୍ରଣାମ କରି କହିବେ, ବିନୟ କରୁଅଛି, ମୁଁ ଯେପରି ଖଣ୍ଡେ ରୁଟି ଖାଇବାକୁ ପାଇବି, ଏଥିପାଇଁ କୌଣସି ଯାଜକତ୍ୱ ପଦରେ ମୋତେ ରଖ।
\s5
\c 3
\s ଶାମୁୟେଲଙ୍କୁ ପରମେଶ୍ୱରଙ୍କ ଆହ୍ୱାନ
\p
\v 1 ସେ ସମୟରେ ବାଳକ ଶାମୁୟେଲ ଏଲିଙ୍କ ସମ୍ମୁଖରେ ସଦାପ୍ରଭୁଙ୍କ ପରିଚର୍ଯ୍ୟା କଲେ। ସେ କାଳରେ ସଦାପ୍ରଭୁଙ୍କ ବାକ୍ୟ ଦୁର୍ଲଭ ଥିଲା; ପ୍ରକାଶ୍ୟ ଦର୍ଶନ ନ ଥିଲା।
\v 2 ଏହି ସମୟରେ ଏଲିଙ୍କର ଚକ୍ଷୁ ଧନ୍ଦଳା ହେବାକୁ ଲାଗିଲା, ଏଣୁ ସେ ଦେଖି ପାରିଲେ ନାହିଁ। ଏକ ଦିନ ସେ ଆପଣା ସ୍ଥାନରେ ଶୋଇଥିଲେ
\v 3 ଓ ପରମେଶ୍ୱରଙ୍କ ସିନ୍ଦୁକ ଯେଉଁ ସ୍ଥାନରେ ଥାଏ, ଏପରି ସଦାପ୍ରଭୁଙ୍କ ମନ୍ଦିରରେ ପରମେଶ୍ୱରଙ୍କ ପ୍ରଦୀପ ଲିଭିବା ପୂର୍ବେ ଯେତେବେଳେ ଶାମୁୟେଲ ଶୋଇଥିଲେ,
\v 4 ସେତେବେଳେ ସଦାପ୍ରଭୁ ଶାମୁୟେଲଙ୍କୁ ଡାକିଲେ; ସେ କହିଲେ, ମୁଁ ଏଠାରେ ଅଛି।
\s5
\v 5 ପୁଣି, ସେ ଏଲିଙ୍କ ନିକଟକୁ ଧାଇଁ ଯାଇ କହିଲେ, ମୁଁ ଏଠାରେ ଅଛି, ଆପଣ ମୋତେ ଡାକିଲେ ପରା ? ସେ କହିଲେ, ମୁଁ ଡାକି ନାହିଁ; ଫେରିଯାଇ ଶୁଅ। ତହୁଁ ସେ ଯାଇ ଶୋଇଲେ;
\v 6 ଏଉତ୍ତାରେ ସଦାପ୍ରଭୁ ଶାମୁୟେଲ ବୋଲି ପୁନର୍ବାର ଡାକିଲେ। ତହୁଁ ଶାମୁୟେଲ ଉଠି ଏଲିଙ୍କ ନିକଟକୁ ଯାଇ କହିଲେ, ମୁଁ ଏଠାରେ ଅଛି, ଆପଣ ମୋତେ ଡାକିଲେ ପରା ? ସେ ଉତ୍ତର ଦେଲେ, ହେ ପୁତ୍ର, ମୁଁ ଡାକି ନାହିଁ; ଫେରିଯାଇ ଶୁଅ।
\s5
\v 7 ସେସମୟରେ ଶାମୁୟେଲ ସଦାପ୍ରଭୁଙ୍କର ପରିଚୟ ପାଇ ନ ଥିଲେ, କିଅବା ସଦାପ୍ରଭୁଙ୍କ ବାକ୍ୟ ତାଙ୍କ ପ୍ରତି ପ୍ରକାଶିତ ହୋଇ ନ ଥିଲା।
\v 8 ଏଉତ୍ତାରେ ସଦାପ୍ରଭୁ ପୁନର୍ବାର ତୃତୀୟ ଥର ଶାମୁୟେଲଙ୍କୁ ଡାକିଲେ। ତହୁଁ ସେ ଉଠି ଏଲିଙ୍କ ନିକଟକୁ ଯାଇ କହିଲେ, ମୁଁ ଏଠାରେ ଅଛି, ଆପଣ ମୋତେ ଡାକିଲେ ପରା ? ଏଥିରେ ସଦାପ୍ରଭୁ ଯେ ବାଳକକୁ ଡାକୁଅଛନ୍ତି, ଏହା ଏଲି ବୁଝିଲେ।
\s5
\v 9 ତେଣୁ, ଏଲି ଶାମୁୟେଲଙ୍କୁ କହିଲେ, ଯାଇ ଶୁଅ; ଯେବେ ସେ ତୁମ୍ଭକୁ ଡାକନ୍ତି, ତେବେ ତୁମ୍ଭେ କହିବ, ହେ ସଦାପ୍ରଭୁ କହନ୍ତୁ, ଆପଣଙ୍କ ଦାସ ଶୁଣୁଅଛି। ତହୁଁ ଶାମୁୟେଲ ଯାଇ ଆପଣା ସ୍ଥାନରେ ଶୋଇଲେ।
\s5
\v 10 ଏଉତ୍ତାରେ ସଦାପ୍ରଭୁ ଆସିଲେ, ପୁଣି, ଠିଆ ହୋଇ ଅନ୍ୟ ସମୟ ପରି ଶାମୁୟେଲ, ଶାମୁୟେଲ, ବୋଲି ଡାକିଲେ। ତେବେ ଶାମୁୟେଲ କହିଲେ, କହନ୍ତୁ; ଆପଣଙ୍କ ଦାସ ଶୁଣୁଅଛି।
\v 11 ତହୁଁ ସଦାପ୍ରଭୁ ଶାମୁୟେଲଙ୍କୁ କହିଲେ, ଦେଖ, ଆମ୍ଭେ ଇସ୍ରାଏଲ ମଧ୍ୟରେ ଏକ କର୍ମ କରିବା, ଯେ ପ୍ରତ୍ୟେକ ଲୋକ ତାହା ଶୁଣିବ, ତାହାର ଦୁଇ କର୍ଣ୍ଣ ଝାଁ ଝାଁ ହେବ।
\s5
\v 12 ଆମ୍ଭେ ଏଲି ବିରୁଦ୍ଧରେ ତାହାର ପରିବାର ବିଷୟରେ ଯାହା ଯାହା କହିଅଛୁ, ସେସମସ୍ତ ପ୍ରଥମାବଧି ଶେଷ ପର୍ଯ୍ୟନ୍ତ ସେହିଦିନ ସଫଳ କରିବା।
\v 13 ଯେହେତୁ ଯେଉଁ ଅପରାଧ ବିଷୟ ସେ ଜ୍ଞାତ ହେଲା, ତହିଁ ନିମନ୍ତେ ଆମ୍ଭେ ତାହାର ବଂଶକୁ ସର୍ବଦା ଦଣ୍ଡ ଦେବା ବୋଲି ତାହାକୁ କହିଅଛୁ, କାରଣ ତାହାର ପୁତ୍ରମାନେ ଆପଣାମାନଙ୍କୁ ଅଭିଶାପଗ୍ରସ୍ତ
\f +
\fr 3:13
\fq ଅଭିଶାପଗ୍ରସ୍ତ
\ft କିମ୍ବା ପରମେଶ୍ଵରଙ୍କ ନିନ୍ଦା କରନ୍ତି
\f* କଲେ ହେଁ ସେ ସେମାନଙ୍କୁ ଦମନ କଲା ନାହିଁ।
\v 14 ଏହେତୁ ଏଲି ବଂଶର ଅପରାଧ, ବଳିଦାନ କି ନୈବେଦ୍ୟ ଦ୍ୱାରା ସଦାକାଳ ପରିଷ୍କୃତ ନୋହିବ ବୋଲି ଏଲି-ବଂଶ ବିଷୟରେ ଆମ୍ଭେ ଶପଥ କରିଅଛୁ।
\s5
\v 15 ତହୁଁ ଶାମୁୟେଲ ପ୍ରଭାତ ପର୍ଯ୍ୟନ୍ତ ଶୟନ କଲେ, ତହିଁ ଉତ୍ତାରେ ସଦାପ୍ରଭୁଙ୍କ ଗୃହଦ୍ୱାର ଫିଟାଇଲେ। ପୁଣି, ଏଲିଙ୍କୁ ସେହି ଦର୍ଶନ ବିଷୟ ଜଣାଇବାକୁ ଶାମୁୟେଲ ଭୟ କଲେ।
\v 16 ପୁଣି, ହେ ମୋହର ପୁତ୍ର ଶାମୁୟେଲ, ଏହା କହି ଏଲି ଶାମୁୟେଲଙ୍କୁ ଡାକିଲେ। ତହିଁରେ ସେ ଉତ୍ତର ଦେଲେ, ମୁଁ ଏଠାରେ ଅଛି।
\s5
\v 17 ତେବେ ସେ ପଚାରିଲେ, ସଦାପ୍ରଭୁ ତୁମ୍ଭକୁ କି କଥା କହିଲେ ? ବିନୟ କରୁଅଛି, ମୋ’ଠାରୁ ତାହା ଗୁପ୍ତ ନ କର; ସେ ଯେସମସ୍ତ କଥା କହିଅଛନ୍ତି, ତହିଁରୁ କୌଣସି କଥା ତୁମ୍ଭେ ମୋ’ଠାରୁ ଗୁପ୍ତ କଲେ, ପରମେଶ୍ୱର ସେହି ଦଣ୍ଡ, ମଧ୍ୟ ତହିଁରୁ ଅଧିକ ତୁମ୍ଭକୁ ଦେଉନ୍ତୁ।
\v 18 ତହିଁରେ ଶାମୁୟେଲ କିଛି ଗୁପ୍ତ ନ କରି ତାଙ୍କୁ ସବୁ କଥା ଜଣାଇଲେ। ତହୁଁ ସେ କହିଲେ, ସେ ତ ସଦାପ୍ରଭୁ; ଯାହା ତାହାଙ୍କ ଦୃଷ୍ଟିରେ ଭଲ, ତାହା ସେ କରନ୍ତୁ।
\s5
\v 19 ଏଥିଉତ୍ତାରେ ଶାମୁୟେଲ ବଢ଼ିଲେ ଓ ସଦାପ୍ରଭୁ ତାଙ୍କ ସଙ୍ଗେ ଥାଇ ଶାମୁୟେଲଙ୍କ
\f +
\fr 3:19
\fq ଶାମୁୟେଲଙ୍କ
\ft କିମ୍ବା ସଦାପ୍ରଭୁଙ୍କ
\f* କୌଣସି କଥା ତଳେ ପଡ଼ିବାକୁ ଦେଲେ ନାହିଁ।
\v 20 ତହିଁରେ ଶାମୁୟେଲ ଯେ ସଦାପ୍ରଭୁଙ୍କ ଭବିଷ୍ୟଦ୍‍ବକ୍ତା ହେବାକୁ ନିଯୁକ୍ତ ହୋଇଅଛନ୍ତି, ଏହା ଦାନ୍‍ଠାରୁ ବେର୍‍ଶେବା ପର୍ଯ୍ୟନ୍ତ ସମସ୍ତ ଇସ୍ରାଏଲ ଜ୍ଞାତ ହେଲେ।
\v 21 ଆହୁରି ସଦାପ୍ରଭୁ ଶୀଲୋରେ ପୁନର୍ବାର ଦର୍ଶନ ଦେଲେ; କାରଣ ସଦାପ୍ରଭୁ ଶୀଲୋରେ ଶାମୁୟେଲଙ୍କ ନିକଟରେ ସଦାପ୍ରଭୁଙ୍କ ବାକ୍ୟ ଦ୍ୱାରା ଆପଣାକୁ ପ୍ରକାଶ କଲେ।
\s5
\c 4
\s ନିୟମ-ସିନ୍ଦୁକ ପଲେଷ୍ଟୀୟଙ୍କ ହସ୍ତଗତ
\p
\v 1 ଆଉ ଶାମୁୟେଲଙ୍କ କଥା ସମସ୍ତ ଇସ୍ରାଏଲ ମଧ୍ୟରେ ପ୍ରଚଳିତ ହେଲା। ଏଥିଉତ୍ତାରେ ଇସ୍ରାଏଲ ପଲେଷ୍ଟୀୟମାନଙ୍କ ବିରୁଦ୍ଧରେ ଯୁଦ୍ଧ କରିବାକୁ ବାହାରି ଏବନ୍‍-ଏଜର ନିକଟରେ ଛାଉଣି ସ୍ଥାପନ କଲେ ଓ ପଲେଷ୍ଟୀୟମାନେ ଅଫେକରେ ଛାଉଣି ସ୍ଥାପନ କଲେ।
\v 2 ତହୁଁ ପଲେଷ୍ଟୀୟମାନେ ଇସ୍ରାଏଲ ବିରୁଦ୍ଧରେ ଆପଣାମାନଙ୍କୁ ସଜାଇଲେ; ପୁଣି, ସେମାନେ ଯୁଦ୍ଧରେ ଲାଗନ୍ତେ, ଇସ୍ରାଏଲ ପଲେଷ୍ଟୀୟମାନଙ୍କ ସମ୍ମୁଖରେ ପରାଜିତ ହେଲେ ଓ ସେମାନେ ସେହି ଯୁଦ୍ଧକ୍ଷେତ୍ରସ୍ଥ ସୈନ୍ୟ ମଧ୍ୟରୁ ଊଣାଧିକ ଚାରି ସହସ୍ର ଲୋକ ବଧ କଲେ।
\s5
\v 3 ତହୁଁ ଲୋକମାନେ ଛାଉଣିକୁ ଆସନ୍ତେ, ଇସ୍ରାଏଲର ପ୍ରାଚୀନବର୍ଗ କହିଲେ, ସଦାପ୍ରଭୁ ଆଜି ପଲେଷ୍ଟୀୟମାନଙ୍କ ସମ୍ମୁଖରେ ଆମ୍ଭମାନଙ୍କୁ କାହିଁକି ପରାସ୍ତ କଲେ ? ଆସ, ଯେପରି ସଦାପ୍ରଭୁଙ୍କ ନିୟମ ସିନ୍ଦୁକ ଆମ୍ଭମାନଙ୍କ ମଧ୍ୟକୁ ଆସି ତାହା
\f +
\fr 4:3
\fq ତାହା
\ft କିମ୍ବା ସଦାପ୍ରଭୁ
\f* ଆମ୍ଭମାନଙ୍କ ଶତ୍ରୁଗଣ ହସ୍ତରୁ ଆମ୍ଭମାନଙ୍କୁ ରକ୍ଷା କରିବ, ଏଥିପାଇଁ ଆମ୍ଭେମାନେ ଶୀଲୋରୁ ତାହା ଆପଣାମାନଙ୍କ ନିକଟକୁ ଆଣୁ।
\v 4 ତହିଁରେ ସେମାନେ ଶୀଲୋକୁ ଲୋକ ପଠାଇ କିରୂବମାନଙ୍କ ମଧ୍ୟରେ ଅବସ୍ଥିତ ସୈନ୍ୟାଧିପତି ସଦାପ୍ରଭୁଙ୍କ ନିୟମ ସିନ୍ଦୁକ ସେଠାରୁ ଆଣିଲେ; ସେତେବେଳେ ଏଲିଙ୍କର ଦୁଇ ପୁତ୍ର ହଫ୍‍ନି ଓ ପୀନହସ୍‍ ସେ ସ୍ଥାନରେ ପରମେଶ୍ୱରଙ୍କ ନିୟମ-ସିନ୍ଦୁକ ସଙ୍ଗେ ଥିଲେ।
\s5
\v 5 ପୁଣି, ସଦାପ୍ରଭୁଙ୍କ ନିୟମ ସିନ୍ଦୁକ ଛାଉଣିକୁ ଆସନ୍ତେ, ସମଗ୍ର ଇସ୍ରାଏଲ ଏପରି ମହା ଜୟଧ୍ୱନିରେ ଜୟଧ୍ୱନି କଲେ ଯେ, ପୃଥିବୀ କମ୍ପିଲା।
\v 6 ତହୁଁ ପଲେଷ୍ଟୀୟମାନେ ସେହି ଜୟଧ୍ୱନି ଶୁଣି କହିଲେ, ଏବ୍ରୀୟମାନଙ୍କ ଛାଉଣିରେ ଏହି ମହାଜୟଧ୍ୱନି ଶବ୍ଦର ଅଭିପ୍ରାୟ କଅଣ ? ଆଉ ସେମାନେ ଜାଣିଲେ ଯେ, ସଦାପ୍ରଭୁଙ୍କ ସିନ୍ଦୁକ ଛାଉଣିକୁ ଆସିଅଛି।
\s5
\v 7 ତହିଁରେ ପଲେଷ୍ଟୀୟମାନେ ଭୀତ ହୋଇ କହିଲେ, ପରମେଶ୍ୱର ଛାଉଣିକୁ ଆସିଅଛନ୍ତି। ଆହୁରି ସେମାନେ କହିଲେ, ହାୟ ହାୟ ! ପୂର୍ବରେ ଏପରି କେବେ ହୋଇ ନାହିଁ।
\v 8 ହାୟ ହାୟ ! ଏହି ବଳବାନ ଦେବଗଣ ହସ୍ତରୁ ଆମ୍ଭମାନଙ୍କୁ କିଏ ଉଦ୍ଧାର କରିବ ? ଏହି ଦେବଗଣ ପ୍ରାନ୍ତରରେ ସର୍ବ ପ୍ରକାର ଆଘାତ ଦ୍ୱାରା ମିସ୍ରୀୟମାନଙ୍କୁ ଆଘାତ କରିଥିଲେ।
\v 9 ହେ ପଲେଷ୍ଟୀୟମାନେ, ତୁମ୍ଭେମାନେ ବଳବାନ ହୁଅ ଓ ପୁରୁଷତ୍ୱ ପ୍ରକାଶ କର, ତହିଁରେ ଏବ୍ରୀୟମାନେ ଯେପରି ତୁମ୍ଭମାନଙ୍କର ଦାସ ହୋଇଅଛନ୍ତି, ସେପରି ତୁମ୍ଭେମାନେ ସେମାନଙ୍କର ଦାସ ହେବ ନାହିଁ; ତୁମ୍ଭେମାନେ ପୁରୁଷତ୍ୱ ପ୍ରକାଶ କର ଓ ଯୁଦ୍ଧ କର।
\s5
\v 10 ତହିଁରେ ପଲେଷ୍ଟୀୟମାନେ ଯୁଦ୍ଧ କଲେ ଓ ଇସ୍ରାଏଲ ପରାସ୍ତ ହୋଇ ପ୍ରତ୍ୟେକେ ଆପଣା ଆପଣା ତମ୍ବୁକୁ ପଳାଇଲେ; ସେତେବେଳେ ଅତି ମହାସଂହାର ହେଲା; କାରଣ ଇସ୍ରାଏଲ ମଧ୍ୟରୁ ତିରିଶ ହଜାର ପଦାତିକ ମାରା ପଡ଼ିଲେ।
\v 11 ପୁଣି, ପରମେଶ୍ୱରଙ୍କ ସିନ୍ଦୁକ ଧରାପଡ଼ିଲା; ଆଉ ଏଲିଙ୍କର ଦୁଇ ପୁତ୍ର ହଫ୍‍ନି ଓ ପୀନହସ୍‍ ହତ ହେଲେ।
\s ଏଲିଙ୍କ ମୃତ୍ୟୁୁ
\p
\s5
\v 12 ପୁଣି, ସୈନ୍ୟ ମଧ୍ୟରୁ ବିନ୍ୟାମୀନୀୟ ଜଣେ ଲୋକ ଦୌଡ଼ିଲା, ପୁଣି, ସେ ଆପଣା ବସ୍ତ୍ର ଚିରି ମସ୍ତକରେ ମାଟି ଦେଇ ସେହି ଦିନ ଶୀଲୋରେ ଉପସ୍ଥିତ ହେଲା।
\v 13 ପୁଣି, ସେ ଉପସ୍ଥିତ ହେବା ସମୟରେ, ଦେଖ, ଏଲି ବାଟ ପାଖରେ ଅପେକ୍ଷା କରି ଆପଣା ଆସନରେ ବସି ରହିଅଛନ୍ତି; କାରଣ ପରମେଶ୍ୱରଙ୍କ ସିନ୍ଦୁକ ନିମନ୍ତେ ତାଙ୍କର ଅନ୍ତଃକରଣ କମ୍ପିତ ହେଉଥିଲା। ଏଥିରେ ସେହି ଲୋକ ନଗରକୁ ଆସି ସମ୍ବାଦ ଦିଅନ୍ତେ, ନଗରଯାକ କାନ୍ଦି ଉଠିଲେ।
\s5
\v 14 ପୁଣି, ଏଲି ସେହି କ୍ରନ୍ଦନ ଶବ୍ଦ ଶୁଣି କହିଲେ, ଏହି କୋଳାହଳ ଶବ୍ଦର ଅଭିପ୍ରାୟ କଅଣ ? ତହୁଁ ସେହି ଲୋକ ଶୀଘ୍ର ଆସି ଏଲିଙ୍କୁ ସମ୍ବାଦ ଦେଲା।
\v 15 ସେସମୟରେ ଏଲି ଅଠାନବେ ବର୍ଷ ବୟସ୍କ ଥିଲେ ଓ ତାଙ୍କର ଚକ୍ଷୁ ସ୍ତବ୍ଧ ହେବାରୁ ସେ ଦେଖି ପାରିଲେ ନାହିଁ।
\s5
\v 16 ପୁଣି, ସେହି ମନୁଷ୍ୟ ଏଲିଙ୍କୁ କହିଲା, ଆମ୍ଭେ ସୈନ୍ୟ ମଧ୍ୟରୁ ଆଗତ ଲୋକ ଓ ଆମ୍ଭେ ଆଜି ସୈନ୍ୟ ମଧ୍ୟରୁ ପଳାଇ ଆସିଲୁ। ତହିଁରେ ସେ କହିଲେ, ହେ ପୁତ୍ର, କି କଥା ହେଲା ?
\v 17 ତହୁଁ ସମାଚାର ଆଣିବା ଲୋକ ଉତ୍ତର କରି କହିଲା, ଇସ୍ରାଏଲ ପଲେଷ୍ଟୀୟମାନଙ୍କ ସମ୍ମୁଖରୁ ପଳାଇଲେ ଓ ଲୋକମାନଙ୍କ ମଧ୍ୟରେ ମହାସଂହାର ହେଲା; ମଧ୍ୟ ତୁମ୍ଭର ଦୁଇ ପୁତ୍ର ହଫ୍‍ନି ଓ ପୀନହସ୍‍ ମଲେ, ପୁଣି, ପରମେଶ୍ୱରଙ୍କ ସିନ୍ଦୁକ ଧରାଗଲା।
\s5
\v 18 ଆଉ ସେ ପରମେଶ୍ୱରଙ୍କ ସିନ୍ଦୁକ ବିଷୟ କହିବା କ୍ଷଣେ ଏପରି ଘଟିଲା ଯେ, ଏଲି ଦ୍ୱାର ପାଖରେ ଆପଣା ଆସନରୁ ପଛଆଡ଼େ ପଡ଼ିଗଲେ, ତହୁଁ ତାଙ୍କର ବେକ ଭାଙ୍ଗିଯାଇ ସେ ମଲେ; କାରଣ ସେ ବୃଦ୍ଧ ଲୋକ ଓ ଭାରୀ ଥିଲେ। ସେ ଚାଳିଶ ବର୍ଷ ଇସ୍ରାଏଲର ବିଚାର କଲେ।
\s5
\v 19 ସେସମୟରେ ତାଙ୍କର ପୁତ୍ରବଧୂ ପୀନହସ୍‍ର ଭାର୍ଯ୍ୟା ଗର୍ଭବତୀ, ପ୍ରସବ କାଳ ନିକଟ ଥିଲା; ଏଣୁ ପରମେଶ୍ୱରଙ୍କ ସିନ୍ଦୁକ ଧରାଗଲା, ଆଉ ତାହାର ଶ୍ୱଶୁର ଓ ସ୍ୱାମୀ ମଲେ; ଏହି ସମ୍ବାଦ ଶୁଣିବା ମାତ୍ରେ ସେ ଆଣ୍ଠୋଇ ପଡ଼ି ପ୍ରସବ କଲା; କାରଣ ସେହିକ୍ଷଣି ତାହାର ବେଦନା ଉପସ୍ଥିତ ହେଲା।
\v 20 ତହୁଁ ପ୍ରାୟ ତାହାର ମରଣ ସମୟରେ ତାହା ନିକଟରେ ଠିଆ ହୋଇଥିବା ସ୍ତ୍ରୀମାନେ ତାହାକୁ କହିଲେ, ଭୟ କର ନାହିଁ, ତୁମ୍ଭେ ତ ପୁତ୍ର ପ୍ରସବ କରିଅଛ। ମାତ୍ର ସେ କିଛି ଉତ୍ତର ଦେଲା ନାହିଁ, କିଅବା ତହିଁରେ ମନ ଦେଲା ନାହିଁ।
\s5
\v 21 ଆଉ ପରମେଶ୍ୱରଙ୍କ ସିନ୍ଦୁକ ଧରାଯିବାରୁ ଓ ତାହାର ଶ୍ୱଶୁର ଆଉ ସ୍ୱାମୀ ହେତୁରୁ ଇସ୍ରାଏଲ ମଧ୍ୟରୁ ଗୌରବ ଚାଲିଗଲା, ଏହା କହି ସେ ବାଳକର ନାମ ଐକାବୋଦ (ହୀନ ଗୌରବ) ରଖିଲା।
\v 22 ଆଉ ସେ କହିଲା, ଇସ୍ରାଏଲ ମଧ୍ୟରୁ ଗୌରବ ଚାଲିଗଲା, କାରଣ ପରମେଶ୍ୱରଙ୍କ ସିନ୍ଦୁକ ଧରାଗଲା।
\s5
\c 5
\s ପଲେଷ୍ଟୀୟଙ୍କ ମଧ୍ୟରେ ନିୟମ-ସିନ୍ଦୁକ
\p
\v 1 ଏଥି ମଧ୍ୟରେ ପଲେଷ୍ଟୀୟମାନେ ପରମେଶ୍ୱରଙ୍କ ସିନ୍ଦୁକ ନେଇ ଏବନ୍‍-ଏଜରରୁ ଅସ୍‍ଦୋଦକୁ ଯାଇଥିଲେ।
\v 2 ତହିଁ ଉତ୍ତାରୁ ପଲେଷ୍ଟୀୟମାନେ ପରମେଶ୍ୱରଙ୍କ ସିନ୍ଦୁକ ନେଇ ଦାଗୋନ୍‍ ମନ୍ଦିରକୁ ଆଣି ଦାଗୋନ୍‍ ଦେବତା ନିକଟରେ ରଖିଲେ।
\v 3 ତହିଁ ପରଦିନ ଅସ୍‍ଦୋଦୀୟମାନେ ଶୀଘ୍ର ଉଠନ୍ତେ, ଦେଖ, ଦାଗୋନ୍‍ ସଦାପ୍ରଭୁଙ୍କ ସିନ୍ଦୁକ ସମ୍ମୁଖରେ ମୁହଁ ମାଡ଼ି ଭୂମିରେ ପଡ଼ିଅଛି। ତେଣୁ ସେମାନେ ଦାଗୋନ୍‍କୁ ପୁନର୍ବାର ଉଠାଇ ତାହା ସ୍ଥାନରେ ରଖିଲେ।
\s5
\v 4 ପୁଣି, ସେମାନେ ତହିଁ ଆରଦିନ ପ୍ରଭାତରେ ଶୀଘ୍ର ଉଠନ୍ତେ, ଦେଖ, ଦାଗୋନ୍‍ ସଦାପ୍ରଭୁଙ୍କ ସିନ୍ଦୁକ ସମ୍ମୁଖରେ ମୁହଁ ମାଡ଼ି ଭୂମିରେ ପଡ଼ିଅଛି; ପୁଣି, ଦାଗୋନ୍‍ର ମୁଣ୍ଡ ଓ ହାତର ଦୁଇ ପାପୁଲି କଟା ହୋଇ ଦ୍ୱାରବନ୍ଧ ଉପରେ ପଡ଼ିଅଛି; କେବଳ ତାହାର ମତ୍ସ୍ୟାକାର ବାକି ରହିଅଛି।
\v 5 ଏହେତୁ ଦାଗୋନ୍‍ର ଯାଜକମାନେ ଅବା ଯେଉଁମାନେ ଦାଗୋନ୍‍ ମନ୍ଦିରକୁ ଆସନ୍ତି, ସେମାନଙ୍କ ମଧ୍ୟରୁ କେହି ଆଜି ପର୍ଯ୍ୟନ୍ତ ଅସ୍‍ଦୋଦସ୍ଥିତ ଦାଗୋନ୍‍ର ଦ୍ୱାରବନ୍ଧ ମାଡ଼ନ୍ତି ନାହିଁ।
\s5
\v 6 ମାତ୍ର ଅସ୍‍ଦୋଦୀୟ ଲୋକମାନଙ୍କ ଉପରେ ସଦାପ୍ରଭୁଙ୍କ ହସ୍ତ ଭାରୀ ହେଲା ଓ ସେ ଅସ୍‍ଦୋଦକୁ ଓ ତହିଁ ସୀମାସ୍ଥିତ ଲୋକମାନଙ୍କୁ ଅର୍ଶ ରୋଗରେ ଆଘାତ କରି ସଂହାର କଲେ।
\v 7 ତହୁଁ ଅସ୍‍ଦୋଦୀୟ ଲୋକମାନେ ତାହା ଦେଖି କହିଲେ, ଇସ୍ରାଏଲର ପରମେଶ୍ୱରଙ୍କ ସିନ୍ଦୁକ ଆମ୍ଭମାନଙ୍କ ନିକଟରେ ରହିବ ନାହିଁ, କାରଣ ଆମ୍ଭମାନଙ୍କ ଉପରେ ଓ ଆମ୍ଭମାନଙ୍କ ଦେବତା ଦାଗୋନ୍‍ ଉପରେ ତାହାଙ୍କର ହସ୍ତ ନିଷ୍ଠୁର ହୋଇଅଛି।
\s5
\v 8 ଏଣୁ ସେମାନେ ଲୋକ ପଠାଇ ପଲେଷ୍ଟୀୟମାନଙ୍କ ସମସ୍ତ ଅଧିପତିଙ୍କୁ ଆପଣାମାନଙ୍କ ନିକଟରେ ଏକତ୍ର କରି କହିଲେ, ଇସ୍ରାଏଲର ପରମେଶ୍ୱରଙ୍କ ସିନ୍ଦୁକ ବିଷୟରେ ଆମ୍ଭେମାନେ କଅଣ କରିବା ? ତହିଁରେ ସେମାନେ ଉତ୍ତର କଲେ, ଇସ୍ରାଏଲର ପରମେଶ୍ୱରଙ୍କ ସିନ୍ଦୁକ ଗାଥ୍‍କୁ ନିଆଯାଉ। ତହୁଁ ସେମାନେ ସେଠାକୁ ଇସ୍ରାଏଲର ପରମେଶ୍ୱରଙ୍କ ସିନ୍ଦୁକ ନେଇଗଲେ।
\v 9 ପୁଣି, ସେମାନେ ତାହା ନେଇ ଗଲା ଉତ୍ତାରେ ଏପରି ହେଲା ଯେ, ସଦାପ୍ରଭୁଙ୍କ ହସ୍ତ ନଗର ବିରୁଦ୍ଧରେ ଅତି ମହା ବ୍ୟାକୁଳତାଜନକ ହେଲା; ପୁଣି, ସେ ନଗରସ୍ଥ ସାନ ବଡ଼ ଉଭୟଙ୍କୁ ଆଘାତ କଲେ ଓ ସେମାନଙ୍କଠାରେ ଅର୍ଶ ରୋଗ ବାହାରିଲା।
\s5
\v 10 ତହୁଁ ସେମାନେ ଇକ୍ରୋଣକୁ ପରମେଶ୍ୱରଙ୍କ ସିନ୍ଦୁକ ପଠାଇଲେ। ତହିଁରେ ପରମେଶ୍ୱରଙ୍କ ସିନ୍ଦୁକ ଇକ୍ରୋଣରେ ଉପସ୍ଥିତ ହୁଅନ୍ତେ, ଇକ୍ରୋଣୀୟମାନେ କ୍ରନ୍ଦନ କରି କହିଲେ, ଆମ୍ଭମାନଙ୍କୁ ଓ ଆମ୍ଭ ଲୋକମାନଙ୍କୁ ବଧ କରିବା ପାଇଁ ସେମାନେ ଇସ୍ରାଏଲର ପରମେଶ୍ୱରଙ୍କ ସିନ୍ଦୁକ ଆମ୍ଭମାନଙ୍କ ନିକଟକୁ ଆଣିଅଛନ୍ତି।
\s5
\v 11 ଏହେତୁ ସେମାନେ ଲୋକ ପଠାଇ ପଲେଷ୍ଟୀୟମାନଙ୍କ ସମସ୍ତ ଅଧିପତିଙ୍କୁ ଏକତ୍ରିତ କରି କହିଲେ, ଇସ୍ରାଏଲର ପରମେଶ୍ୱରଙ୍କ ସିନ୍ଦୁକ ପଠାଇ ଦିଅ, ତାହା ସ୍ୱସ୍ଥାନକୁ ଫେରିଯାଉ, ତାହା ଆମ୍ଭମାନଙ୍କୁ ଓ ଆମ୍ଭମାନଙ୍କ ଲୋକମାନଙ୍କୁ ବଧ ନ କରୁ; କାରଣ ନଗରର ସର୍ବତ୍ର ମୃତ୍ୟୁୁଜନକ ବ୍ୟାକୁଳତା ଜନ୍ମିଥିଲା; ପରମେଶ୍ୱରଙ୍କ ହସ୍ତ ସେଠାରେ ଅତି ଭାରୀ ଥିଲା।
\v 12 ପୁଣି, ଯେଉଁ ଲୋକମାନେ ମଲେ ନାହିଁ, ସେମାନେ ଅର୍ଶ ରୋଗରେ ପୀଡ଼ିତ ହେଲେ; ଆଉ ନଗରର ଆର୍ତ୍ତନାଦ ଆକାଶକୁ ଉଠିଲା।
\s5
\c 6
\s ନିୟମ-ସିନ୍ଦୁକର ପ୍ରତ୍ୟାବର୍ତ୍ତନ
\p
\v 1 ସଦାପ୍ରଭୁଙ୍କ ସିନ୍ଦୁକ ପଲେଷ୍ଟୀୟମାନଙ୍କ ଦେଶରେ ସାତ ମାସ ରହିଲା।
\p
\v 2 ଏଥିରେ ପଲେଷ୍ଟୀୟମାନେ ଯାଜକମାନଙ୍କୁ ଓ ମନ୍ତ୍ରଜ୍ଞମାନଙ୍କୁ ଡକାଇ କହିଲେ, ସଦାପ୍ରଭୁଙ୍କ ସିନ୍ଦୁକ ବିଷୟରେ ଆମ୍ଭେମାନେ କଅଣ କରିବା, କି ଦେଇ ଆମ୍ଭେମାନେ ତାହା ସ୍ୱସ୍ଥାନକୁ ପଠାଇବା ? ଏହା ଆମ୍ଭମାନଙ୍କୁ ଜଣାଅ।
\s5
\v 3 ତହିଁରେ ସେମାନେ କହିଲେ, ଯେବେ ତୁମ୍ଭେମାନେ ଇସ୍ରାଏଲର ପରମେଶ୍ୱରଙ୍କ ସିନ୍ଦୁକ ପଠାଇ ଦେବ, ତେବେ ତାହା ରିକ୍ତ ପଠାଅ ନାହିଁ; ମାତ୍ର କୌଣସିମତେ ହେଲେ ଗୋଟିଏ ଦୋଷାର୍ଥକ ଉପହାର ତାହାଙ୍କ ନିକଟକୁ ଫେରି ପଠାଅ; ତେବେ ତୁମ୍ଭେମାନେ ସୁସ୍ଥ ହେବ ଓ ତୁମ୍ଭମାନଙ୍କଠାରୁ ତାହାଙ୍କ ହସ୍ତ କାହିଁକି ଘୁଞ୍ଚା ଯାଉ ନାହିଁ, ଏହା ତୁମ୍ଭମାନଙ୍କୁ ଜଣାଯିବ।
\v 4 ତହୁଁ ସେମାନେ ପଚାରିଲେ, ଆମ୍ଭେମାନେ କି ପ୍ରକାର ଦୋଷାର୍ଥକ ଉପହାର ତାହାଙ୍କ ନିକଟକୁ ଫେରି ପଠାଇବା ? ଏଥିରେ ସେମାନେ କହିଲେ, ପଲେଷ୍ଟୀୟମାନଙ୍କ ଅଧିପତିଗଣର ସଂଖ୍ୟାନୁସାରେ ସ୍ୱର୍ଣ୍ଣମୟ ପାଞ୍ଚ ଅର୍ଶ ଓ ସ୍ୱର୍ଣ୍ଣମୟ ପାଞ୍ଚ ମୂଷିକ, କାରଣ ତୁମ୍ଭ ସମସ୍ତଙ୍କୁ ଓ ତୁମ୍ଭମାନଙ୍କ ଅଧିପତିଗଣଙ୍କୁ ଏକରୂପ ମହାମାରୀ ଘଟିଥିଲା।
\s5
\v 5 ଏନିମନ୍ତେ ତୁମ୍ଭେମାନେ ଆପଣାମାନଙ୍କ ଅର୍ଶ-ପ୍ରତିମା ଓ ତୁମ୍ଭମାନଙ୍କ ଦେଶନାଶକାରୀ ମୂଷିକ-ପ୍ରତିମା ନିର୍ମାଣ କର ଓ ଇସ୍ରାଏଲର ପରମେଶ୍ୱରଙ୍କୁ ଗୌରବ ଦିଅ, ହୋଇପାରେ ସେ ତୁମ୍ଭମାନଙ୍କ ଉପରୁ ଓ ତୁମ୍ଭମାନଙ୍କ ଦେବତାମାନଙ୍କ ଉପରୁ ଓ ତୁମ୍ଭମାନଙ୍କ ଦେଶ ଉପରୁ ଆପଣା ହସ୍ତ ହାଲୁକା କରିବେ।
\v 6 ଯେପରି ମିସ୍ରୀୟମାନେ ଓ ଫାରୋ ଆପଣାମାନଙ୍କ ହୃଦୟ ଭାରୀ କରିଥିଲେ, ସେପରି ତୁମ୍ଭେମାନେ କାହିଁକି ଆପଣମାନଙ୍କ ହୃଦୟ ଭାରୀ କରୁଅଛ ? ସେ ସେମାନଙ୍କ ମଧ୍ୟରେ ଆପଣା ମହାଶକ୍ତି ପ୍ରକାଶ କରନ୍ତେ, ସେମାନେ କି ଲୋକମାନଙ୍କୁ ଛାଡ଼ି ଦେଲେ ନାହିଁ ଓ ଲୋକମାନେ କି ପ୍ରସ୍ଥାନ କଲେ ନାହିଁ ?
\s5
\v 7 ଏହେତୁ ଏବେ ଗୋଟିଏ ନୂଆ ଶଗଡ଼ ପ୍ରସ୍ତୁତ କର ଓ ଯେଉଁ ଦୁଗ୍ଧବତୀ ଗାଭୀମାନଙ୍କ ଉପରେ ଯୁଆଳି ଲାଗି ନାହିଁ, ଏପରି ଦୁଇ ଗାଭୀ ଶଗଡ଼ରେ ଯୋଚ ଓ ସେମାନଙ୍କଠାରୁ ସେମାନଙ୍କ ବାଛୁରିକୁ ଘରକୁ ଆଣ;
\v 8 ପୁଣି, ସଦାପ୍ରଭୁଙ୍କ ସିନ୍ଦୁକ ନେଇ ସେହି ଶଗଡ଼ ଉପରେ ରଖ ଓ ଯେଉଁ ସ୍ୱର୍ଣ୍ଣମୟ ପଦାର୍ଥ ଦୋଷାର୍ଥକ ଉପହାର ରୂପେ ତାହାଙ୍କ ନିକଟକୁ ଫେରି ପଠାଇବ, ତାହା ତହିଁ ପାର୍ଶ୍ୱରେ ଏକ ସିନ୍ଦୁକରେ ରଖ; ତହୁଁ ଯିବା ପାଇଁ ତାହା ପଠାଇ ଦିଅ।
\v 9 ଆଉ ଦେଖ, ଯେବେ ତାହା ଆପଣା ସୀମାସ୍ଥ ପଥ ଦେଇ ବେଥ୍-ଶେମଶକୁ ଯାଏ, ତେବେ ସେ ଆମ୍ଭମାନଙ୍କ ପ୍ରତି ଏହି ମହା ଅମଙ୍ଗଳ ଘଟାଇଅଛନ୍ତି, ମାତ୍ର ଯେବେ ନ ଯାଏ, ତେବେ ଆମ୍ଭେମାନେ ଜାଣିବୁ ଯେ, ତାହାଙ୍କ ହସ୍ତ ଆମ୍ଭମାନଙ୍କୁ ଆଘାତ କରି ନାହିଁ; ତାହା ଘଟଣାକ୍ରମେ ଆମ୍ଭମାନଙ୍କୁ ଘଟିଅଛି।
\s5
\v 10 ତହିଁରେ ଲୋକମାନେ ସେପରି କଲେ; ପୁଣି, ଦୁଇ ଦୁଗ୍ଧବତୀ ଗାଭୀ ନେଇ ଶଗଡ଼ରେ ଯୋଚିଲେ ଓ ସେମାନଙ୍କ ବାଛୁରିକୁ ଘରେ ବନ୍ଦ କଲେ।
\v 11 ଆଉ ସେମାନେ ଶଗଡ଼ ଉପରେ ସଦାପ୍ରଭୁଙ୍କ ସିନ୍ଦୁକ ଓ ସ୍ୱର୍ଣ୍ଣ ମୂଷିକ ଓ ସେମାନଙ୍କ ଅର୍ଶ-ପ୍ରତିମାର ସିନ୍ଦୁକ ରଖିଲେ।
\v 12 ତହୁଁ ସେହି ଗାଭୀମାନେ ସଳଖ ପଥ ଧରି ବେଥ୍-ଶେମଶକୁ ଯିବା ବାଟରେ ଗଲେ; ସେମାନେ ଯାଉ ଯାଉ ହମ୍ବାରବ ପକାଇ ସଡ଼କରେ ଗଲେ, ଦକ୍ଷିଣକୁ କି ବାମକୁ ଫେରିଲେ ନାହିଁ; ଆଉ ସେମାନଙ୍କ ପଛେ ପଛେ ପଲେଷ୍ଟୀୟ ଅଧିପତିମାନେ ବେଥ୍-ଶେମଶ ସୀମା ପର୍ଯ୍ୟନ୍ତ ଗଲେ।
\s5
\v 13 ସେହି ସମୟରେ ବେଥ୍-ଶେମଶର ଲୋକମାନେ ତଳଭୂମିରେ ଆପଣାମାନଙ୍କ ଗହମ କାଟୁଥିଲେ; ପୁଣି, ସେମାନେ ଅନାଇ ସିନ୍ଦୁକ ଦେଖିଲେ ଓ ତାହା ଦେଖି ଆନନ୍ଦିତ ହେଲେ।
\s5
\v 14 ଏଉତ୍ତାରେ ସେହି ଶଗଡ଼ ବେଥ୍-ଶେମଶୀୟ ଯିହୋଶୂୟର କ୍ଷେତ୍ରକୁ ଆସି ଏକ ବଡ଼ ପଥର ଥିବା ସ୍ଥାନରେ ଛିଡ଼ା ହୋଇ ରହିଲା; ତହିଁରେ ସେମାନେ ସେ ଶଗଡ଼ର କାଠ ଚିରି ସେହି ଗାଭୀମାନଙ୍କୁ ହୋମବଳି ରୂପେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କଲେ।
\v 15 ପୁଣି, ଲେବୀୟମାନେ ସଦାପ୍ରଭୁଙ୍କ ସିନ୍ଦୁକ ଓ ତହିଁ ସହିତ ଥିବା ସ୍ୱର୍ଣ୍ଣ ପଦାର୍ଥର ସିନ୍ଦୁକ ଓହ୍ଲାଇ ସେହି ବଡ଼ ପଥର ଉପରେ ଥୋଇଲେ; ଆଉ ବେଥ୍-ଶେମଶର ଲୋକମାନେ ସେହିଦିନ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମାର୍ଥକ ଉପହାର ଦେଲେ ଓ ବଳି ଉତ୍ସର୍ଗ କଲେ।
\s5
\v 16 ତହୁଁ ପଲେଷ୍ଟୀୟମାନଙ୍କ ପାଞ୍ଚ ଅଧିପତି ତାହା ଦେଖି ସେହି ଦିନ ଇକ୍ରୋଣକୁ ଫେରି ଆସିଲେ।
\s5
\v 17 ପଲେଷ୍ଟୀୟମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଦୋଷାର୍ଥକ ଉପହାର ରୂପେ ଏହିସବୁ ସ୍ୱର୍ଣ୍ଣମୟ ଅର୍ଶ ପଠାଇଥିଲେ; ଯଥା, ଅସ୍‍ଦୋଦ ପାଇଁ ଏକ, ଘସା ପାଇଁ ଏକ, ଅସ୍କିଲୋନ ପାଇଁ ଏକ, ଗାଥ୍‍ ପାଇଁ ଏକ, ଇକ୍ରୋଣ ପାଇଁ ଏକ;
\v 18 ପୁଣି, ବେଥ୍-ଶେମଶୀୟ ଯିହୋଶୂୟର କ୍ଷେତ୍ରସ୍ଥିତ ଯେଉଁ ବଡ଼ ପଥର ଆଜି ପର୍ଯ୍ୟନ୍ତ ଅଛି, ଯହିଁ ଉପରେ ସେମାନେ ସଦାପ୍ରଭୁଙ୍କ ସିନ୍ଦୁକ ରଖିଥିଲେ, ସେପର୍ଯ୍ୟନ୍ତ ପାଞ୍ଚ ଅଧିପତିଙ୍କ ଅଧୀନସ୍ଥ ପ୍ରାଚୀରବେଷ୍ଟିତ ନଗର ହେଉ କି ଦେଶୀୟ ଗ୍ରାମମାନ ହେଉ, ପଲେଷ୍ଟୀୟମାନଙ୍କ ନଗରସକଳର ସଂଖ୍ୟାନୁସାରେ ସ୍ୱର୍ଣ୍ଣମୟ ମୂଷିକ ପଠାଇଲେ।
\s5
\v 19 ପୁଣି, ବେଥ୍-ଶେମଶୀୟ ଲୋକମାନେ ସଦାପ୍ରଭୁଙ୍କ ସିନ୍ଦୁକକୁ ଅନାଇବାରୁ ସେ ଲୋକମାନଙ୍କ ମଧ୍ୟରୁ ସତୁରି ଜଣଙ୍କୁ
\f +
\fr 6:19
\fq ସତୁରି ଜଣଙ୍କୁ
\ft ଅଧିକାଂଶ ଏବ୍ରୀୟ ହସ୍ତଲିପି ପୁଣି LXX: ୫୦,୦୭୦
\f* ବଧ କଲେ; ପୁଣି, ସଦାପ୍ରଭୁ ମହାସଂହାରରେ ଲୋକମାନଙ୍କର ସଂହାର କରିବାରୁ ସେମାନେ ବିଳାପ କଲେ।
\v 20 ଆହୁରି ବେଥ୍-ଶେମଶୀୟ ଲୋକମାନେ କହିଲେ, ଏହି ପବିତ୍ର ପରମେଶ୍ୱର ସଦାପ୍ରଭୁଙ୍କ ସମ୍ମୁଖରେ କିଏ ଛିଡ଼ା ହୋଇପାରେ ? ଏବେ ଆମ୍ଭମାନଙ୍କଠାରୁ ସେ କାହା ନିକଟକୁ ଯିବେ ?
\s5
\v 21 ତହୁଁ ସେମାନେ କିରୀୟଥ୍‍-ଯିୟାରୀମୀୟ ଲୋକମାନଙ୍କ ନିକଟକୁ ଦୂତ ପଠାଇ କହିଲେ, ପଲେଷ୍ଟୀୟମାନେ ସଦାପ୍ରଭୁଙ୍କ ସିନ୍ଦୁକ ଫେରାଇ ଆଣିଅଛନ୍ତି; ତୁମ୍ଭେମାନେ ଆସି ଆପଣାମାନଙ୍କ ନିକଟକୁ ତାହା ନେଇଯାଅ।
\s5
\c 7
\p
\v 1 ଏଥିଉତ୍ତାରେ କିରୀୟଥ୍‍-ଯିୟାରୀମୀୟ ଲୋକମାନେ ଆସି ସଦାପ୍ରଭୁଙ୍କ ସିନ୍ଦୁକ ନେଇଯାଇ ପର୍ବତସ୍ଥିତ ଅବୀନାଦବର ଗୃହରେ ରଖିଲେ; ପୁଣି, ସଦାପ୍ରଭୁଙ୍କ ସିନ୍ଦୁକରକ୍ଷାର୍ଥେ ତାହାର ପୁତ୍ର ଇଲୀୟାସରକୁ ପବିତ୍ର କଲେ।
\s ଇସ୍ରାଏଲର ବିଚାରକର୍ତ୍ତା ଶାମୁୟେଲ
\p
\v 2 ସିନ୍ଦୁକ କିରୀୟଥ୍‍-ଯିୟାରୀମ୍‍ରେ ବାସ କରିବା ଦିନାବଧି ଦୀର୍ଘ କାଳ, ଅର୍ଥାତ୍‍, କୋଡ଼ିଏ ବର୍ଷ ଗତ ହେଲା; ଏଥିରେ ସମୁଦାୟ ଇସ୍ରାଏଲ-ବଂଶ ସଦାପ୍ରଭୁଙ୍କ ପଶ୍ଚାତ୍‍ ବିଳାପ କଲେ।
\s5
\v 3 ତହିଁରେ ଶାମୁୟେଲ ସମୁଦାୟ ଇସ୍ରାଏଲ-ବଂଶକୁ କହିଲେ, ଯେବେ ତୁମ୍ଭେମାନେ ସମସ୍ତ ଅନ୍ତଃକରଣ ସହିତ ସଦାପ୍ରଭୁଙ୍କ ପ୍ରତି ଫେରୁଅଛ, ତେବେ ଆପଣାମାନଙ୍କ ମଧ୍ୟରୁ ବିଦେଶୀୟ ଦେବତାମାନଙ୍କୁ ଓ ଅଷ୍ଟାରୋତ୍‍ ଦେବୀଗଣକୁ ଦୂର କର ଓ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆପଣାମାନଙ୍କ ଅନ୍ତଃକରଣ ପ୍ରସ୍ତୁତ କର ଓ କେବଳ ତାହାଙ୍କୁ ସେବା କର; ତହିଁରେ ସେ ପଲେଷ୍ଟୀୟମାନଙ୍କ ହସ୍ତରୁ ତୁମ୍ଭମାନଙ୍କୁ ଉଦ୍ଧାର କରିବେ।
\v 4 ତେବେ ଇସ୍ରାଏଲ ସନ୍ତାନଗଣ ବାଲ୍‍-ଦେବତାମାନଙ୍କୁ ଓ ଅଷ୍ଟାରୋତ୍‍ ଦେବୀଗଣକୁ ଦୂର କଲେ ଓ କେବଳ ସଦାପ୍ରଭୁଙ୍କୁ ସେବା କଲେ।
\s5
\v 5 ଏଥିଉତ୍ତାରେ ଶାମୁୟେଲ କହିଲେ, ତୁମ୍ଭେମାନେ ସମୁଦାୟ ଇସ୍ରାଏଲକୁ ମିସ୍ପାରେ ଏକତ୍ର କର, ତହିଁରେ ମୁଁ ତୁମ୍ଭମାନଙ୍କ ନିମନ୍ତେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରିବି।
\v 6 ତହୁଁ ସେମାନେ ମିସ୍ପାରେ ଏକତ୍ରିତ ହୋଇ ଜଳ କାଢ଼ିଲେ ଓ ସଦାପ୍ରଭୁଙ୍କ ସମ୍ମୁଖରେ ତାହା ଢାଳି ସେହିଦିନ ଉପବାସ କରି ସେହିଠାରେ କହିଲେ, ଆମ୍ଭେମାନେ ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ କରିଅଛୁ। ଏଉତ୍ତାରେ ଶାମୁୟେଲ ମିସ୍ପାରେ ଇସ୍ରାଏଲ ସନ୍ତାନଗଣର ବିଚାର କଲେ।
\s5
\v 7 ଏଥି ମଧ୍ୟରେ ଇସ୍ରାଏଲ ସନ୍ତାନଗଣ ମିସ୍ପାରେ ଏକତ୍ରିତ ହୋଇଅଛନ୍ତି, ପଲେଷ୍ଟୀୟମାନେ ଏହି କଥା ଶୁଣନ୍ତେ, ପଲେଷ୍ଟୀୟମାନଙ୍କ ଅଧିପତିଗଣ ଇସ୍ରାଏଲ ବିରୁଦ୍ଧରେ ଉଠି ଆସିଲେ। ତହିଁରେ ଇସ୍ରାଏଲ ସନ୍ତାନଗଣ ତାହା ଶୁଣି ପଲେଷ୍ଟୀୟମାନଙ୍କ ସମ୍ମୁଖରେ ଭୀତ ହେଲେ।
\v 8 ପୁଣି, ଇସ୍ରାଏଲ ସନ୍ତାନଗଣ ଶାମୁୟେଲଙ୍କୁ କହିଲେ, ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ଯେପରି ଆମ୍ଭମାନଙ୍କୁ ପଲେଷ୍ଟୀୟମାନଙ୍କ ହସ୍ତରୁ ରକ୍ଷା କରିବେ, ଏଥିପାଇଁ ତୁମ୍ଭେ ଆମ୍ଭମାନଙ୍କ ନିମନ୍ତେ ତାହାଙ୍କ ଛାମୁରେ କ୍ରନ୍ଦନ କରିବାରୁ ନିରସ୍ତ ନ ହୁଅ।
\s5
\v 9 ତହୁଁ ଶାମୁୟେଲ ଏକ ଦୁଗ୍ଧପୋଷ୍ୟ ମେଷବତ୍ସ ନେଇ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସମୁଦାୟ ହୋମବଳି ଉତ୍ସର୍ଗ କଲେ; ଆଉ ଶାମୁୟେଲ ଇସ୍ରାଏଲ ପାଇଁ ସଦାପ୍ରଭୁଙ୍କ ନିକଟରେ କ୍ରନ୍ଦନ କଲେ ଓ ସଦାପ୍ରଭୁ ତାଙ୍କୁ ଉତ୍ତର ଦେଲେ।
\s5
\v 10 ପୁଣି, ଶାମୁୟେଲ ହୋମବଳି ଉତ୍ସର୍ଗ କରୁଥିବା ସମୟରେ ପଲେଷ୍ଟୀୟମାନେ ଇସ୍ରାଏଲ ବିରୁଦ୍ଧରେ ଯୁଦ୍ଧ କରିବାକୁ ନିକଟବର୍ତ୍ତୀ ହେଲେ; ମାତ୍ର ସଦାପ୍ରଭୁ ସେଦିନ ପଲେଷ୍ଟୀୟମାନଙ୍କ ଉପରେ ମହାରବରେ ମେଘଗର୍ଜ୍ଜନ କରି ସେମାନଙ୍କୁ ବ୍ୟାକୁଳ କଲେ; ତହିଁରେ ସେମାନେ ଇସ୍ରାଏଲ ସମ୍ମୁଖରେ ପରାଜିତ ହେଲେ।
\v 11 ତହୁଁ ଇସ୍ରାଏଲ ଲୋକମାନେ ମିସ୍ପାରୁ ବାହାରି ପଲେଷ୍ଟୀୟମାନଙ୍କ ପଛେ ପଛେ ଗୋଡ଼ାଇ ବେଥ୍-କର ତଳ ପର୍ଯ୍ୟନ୍ତ ସେମାନଙ୍କୁ ଆଘାତ କଲେ।
\s5
\v 12 ତହିଁରେ ଶାମୁୟେଲ ଖଣ୍ଡେ ପଥର ନେଇ ମିସ୍ପା ଓ ଶେନ ମଧ୍ୟସ୍ଥାନରେ ସ୍ଥାପନ କରି ତହିଁର ନାମ ଏବନ୍‍-ଏଜର (ଉପକାର ସ୍ମରଣାର୍ଥକ ପ୍ରସ୍ତର) ରଖି କହିଲେ, ଏପର୍ଯ୍ୟନ୍ତ ସଦାପ୍ରଭୁ ଆମ୍ଭମାନଙ୍କର ଉପକାର କରିଅଛନ୍ତି।
\s5
\v 13 ଏହି ପ୍ରକାରେ ପଲେଷ୍ଟୀୟମାନେ ବଶୀଭୂତ ହୋଇ ଇସ୍ରାଏଲର ଅଞ୍ଚଳ ମଧ୍ୟକୁ ଆଉ ଆସିଲେ ନାହିଁ; ପୁଣି, ଶାମୁୟେଲଙ୍କର ଯାବଜ୍ଜୀବନ ସଦାପ୍ରଭୁଙ୍କ ହସ୍ତ ପଲେଷ୍ଟୀୟମାନଙ୍କର ପ୍ରତିକୂଳ ହେଲା।
\v 14 ଆଉ ପଲେଷ୍ଟୀୟମାନେ ଇସ୍ରାଏଲଠାରୁ ଯେସମସ୍ତ ନଗର ହରଣ କରିଥିଲେ, ଇକ୍ରୋଣଠାରୁ ଗାଥ୍‍ ପର୍ଯ୍ୟନ୍ତ ସେସମସ୍ତ ଇସ୍ରାଏଲକୁ ଫେରାଇ ଦିଆଗଲା; ପୁଣି, ଇସ୍ରାଏଲ ପଲେଷ୍ଟୀୟମାନଙ୍କ ହସ୍ତରୁ ତହିଁର ସୀମା ଉଦ୍ଧାର କଲେ। ଏଉତ୍ତାରେ ଇସ୍ରାଏଲ ଓ ଇମୋରୀୟ-ମାନଙ୍କ ମଧ୍ୟରେ ସନ୍ଧି ହେଲା।
\s5
\v 15 ଶାମୁୟେଲ ଆପଣାର ଯାବଜ୍ଜୀବନ ଇସ୍ରାଏଲର ବିଚାର କଲେ।
\v 16 ସେ ପ୍ରତି ବର୍ଷ ବେଥେଲ୍‍ ଓ ଗିଲ୍‍ଗଲ୍‍ ଓ ମିସ୍ପାରେ ଭ୍ରମଣ କରି ସେସବୁ ସ୍ଥାନରେ ଇସ୍ରାଏଲର ବିଚାର କରୁଥିଲେ।
\v 17 ପୁଣି, ରାମାରେ ତାଙ୍କର ଗୃହ ଥିବାରୁ ସେଠାକୁ ସେ ଫେରି ଆସୁଥିଲେ ଓ ସେଠାରେ ଇସ୍ରାଏଲ-ବଂଶର ବିଚାର କରୁଥିଲେ; ଆଉ ସେଠାରେ ସେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ଯଜ୍ଞବେଦି ନିର୍ମାଣ କରିଥିଲେ।
\s5
\c 8
\s ରାଜା ନିମନ୍ତେ ଦାବି
\p
\v 1 ଏଥିଉତ୍ତାରେ ଶାମୁୟେଲ ବୃଦ୍ଧ ହୁଅନ୍ତେ, ଆପଣା ପୁତ୍ରମାନଙ୍କୁ ଇସ୍ରାଏଲ ଉପରେ ବିଚାରକର୍ତ୍ତା କଲେ।
\v 2 ତାଙ୍କର ଜ୍ୟେଷ୍ଠ ପୁତ୍ରର ନାମ ଯୋୟେଲ ଓ ଦ୍ୱିତୀୟର ନାମ ଅବୀୟ; ଏମାନେ ବେର୍‍ଶେବାରେ ବିଚାରକର୍ତ୍ତା ଥିଲେ।
\v 3 ମାତ୍ର ତାଙ୍କର ପୁତ୍ରମାନେ ତାଙ୍କର ପଥରେ ନ ଚାଲି ଅନ୍ୟାୟ ଲାଭର ଅନୁଗାମୀ ହେଲେ ଓ ଲାଞ୍ଚ ନେଇ ବିଚାର ବିପରୀତ କଲେ।
\s5
\v 4 ତହିଁରେ ଇସ୍ରାଏଲର ସମସ୍ତ ପ୍ରାଚୀନବର୍ଗ ଏକତ୍ର ହୋଇ ରାମାରେ ଶାମୁୟେଲଙ୍କ ନିକଟକୁ ଆସିଲେ;
\v 5 ପୁଣି, ସେମାନେ ତାଙ୍କୁ କହିଲେ, ଦେଖ, ତୁମ୍ଭେ ବୃଦ୍ଧ ହେଲ, ପୁଣି, ତୁମ୍ଭର ପୁତ୍ରମାନେ ତୁମ୍ଭ ପଥରେ ଚାଲୁ ନାହାନ୍ତି; ଏହେତୁ ଅନ୍ୟ ସକଳ ଦେଶୀୟମାନଙ୍କ ପରି ଆମ୍ଭମାନଙ୍କର ବିଚାର କରିବାକୁ ତୁମ୍ଭେ ଆମ୍ଭମାନଙ୍କ ପାଇଁ ଏକ ରାଜା ନିଯୁକ୍ତ କର।
\s5
\v 6 ମାତ୍ର ଆମ୍ଭମାନଙ୍କର ବିଚାର କରିବା ପାଇଁ ଆମ୍ଭମାନଙ୍କୁ ଏକ ରାଜା ଦିଅ, ସେମାନେ ଏହି କଥା କହିବା ବେଳେ ଶାମୁୟେଲଙ୍କର ଦୃଷ୍ଟିରେ ତାହା ମନ୍ଦ ବୋଧ ହେଲା। ଏଥିରେ ଶାମୁୟେଲ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କଲେ।
\v 7 ସେତେବେଳେ ସଦାପ୍ରଭୁ ଶାମୁୟେଲଙ୍କୁ କହିଲେ, ଏହି ଲୋକମାନେ ତୁମ୍ଭକୁ ଯାହା ଯାହା କହନ୍ତି, ସେହିସବୁ ରବରେ କର୍ଣ୍ଣପାତ କର; କାରଣ ସେମାନେ କେବଳ ତୁମ୍ଭକୁ ଅଗ୍ରାହ୍ୟ କରି ନାହାନ୍ତି, ମାତ୍ର ଆମ୍ଭେ ଯେପରି ସେମାନଙ୍କ ଉପରେ ରାଜା ନୋହିବା, ଏଥିପାଇଁ ସେମାନେ ଆମ୍ଭକୁ ଅଗ୍ରାହ୍ୟ କରିଅଛନ୍ତି।
\s5
\v 8 ଆମ୍ଭେ ସେମାନଙ୍କୁ ମିସରରୁ ବାହାର କରି ଆଣିବା ଦିନାବଧି ଆଜି ପର୍ଯ୍ୟନ୍ତ ସେମାନେ ଆମ୍ଭକୁ ପରିତ୍ୟାଗ କରି ଅନ୍ୟ ଦେବଗଣର ସେବା କରି ଯେସମସ୍ତ କର୍ମ କରିଅଛନ୍ତି, ତଦନୁସାରେ ସେମାନେ ତୁମ୍ଭ ପ୍ରତି ମଧ୍ୟ କରୁଅଛନ୍ତି।
\v 9 ଏହେତୁ ଏବେ ସେମାନଙ୍କ ରବରେ କର୍ଣ୍ଣପାତ କର; ତଥାପି ତୁମ୍ଭେ ସେମାନଙ୍କ ବିରୁଦ୍ଧରେ ସ୍ପଷ୍ଟ ସାକ୍ଷ୍ୟ ଦିଅ ଓ ସେମାନଙ୍କ ଉପରେ ଯେ ରାଜତ୍ୱ କରିବେ, ସେହି ରାଜାର ବିଧି ସେମାନଙ୍କୁ ଜଣାଅ।
\s5
\v 10 ଏଉତ୍ତାରେ ଯେଉଁମାନେ ଶାମୁୟେଲଙ୍କୁ ରାଜା ମାଗିଥିଲେ, ସେହି ଲୋକମାନଙ୍କୁ ସେ ସଦାପ୍ରଭୁଙ୍କର ସମସ୍ତ କଥା ଜଣାଇଲେ।
\v 11 ଆହୁରି ସେ କହିଲେ, ତୁମ୍ଭମାନଙ୍କ ଉପରେ ଯେ ରାଜତ୍ୱ କରିବ, ସେହି ରାଜାର ଏହି ପ୍ରକାର ବିଧି ହେବ; ସେ ତୁମ୍ଭମାନଙ୍କର ପୁତ୍ରଗଣକୁ ନେଇ ଆପଣା ରଥ ନିମନ୍ତେ ଓ ଆପଣାର ଅଶ୍ୱାରୋହୀ ହେବା ନିମନ୍ତେ ନିଯୁକ୍ତ କରିବ ଓ ସେମାନେ ତାହାର ରଥ ଆଗେ ଆଗେ ଦୌଡ଼ିବେ।
\v 12 ପୁଣି, ସେ ସେମାନଙ୍କୁ ଆପଣାର ସହସ୍ରପତି ଓ ପଚାଶତ୍‍ପତି କରି ନିଯୁକ୍ତ କରିବ ଓ ସେ ଆପଣା ଭୂମି ଚାଷ କରିବାକୁ ଓ ଆପଣା ଶସ୍ୟ କାଟିବାକୁ ଓ ଆପଣା ଯୁଦ୍ଧାସ୍ତ୍ର ଓ ଆପଣା ରଥସଜ୍ଜା ନିର୍ମାଣ କରିବାକୁ ସେମାନଙ୍କୁ କାହାକୁ କାହାକୁ ନିଯୁକ୍ତ କରିବ।
\s5
\v 13 ଆଉ ସେ ତୁମ୍ଭମାନଙ୍କ କନ୍ୟାଗଣକୁ ନେଇ ଗନ୍ଧଦ୍ରବ୍ୟ ପ୍ରସ୍ତୁତକାରିଣୀ ଓ ପାଚିକା ଓ ସୂପକାରିଣୀ କରିବ।
\v 14 ଆହୁରି ସେ ତୁମ୍ଭମାନଙ୍କ ଶସ୍ୟକ୍ଷେତ୍ର ଓ ତୁମ୍ଭମାନଙ୍କ ଦ୍ରାକ୍ଷାକ୍ଷେତ୍ର ଓ ତୁମ୍ଭମାନଙ୍କ ଜୀତକ୍ଷେତ୍ର ମଧ୍ୟରୁ ସର୍ବୋତ୍ତମ କ୍ଷେତ୍ରସବୁ ନେଇ ଆପଣା ଦାସମାନଙ୍କୁ ଦେବ।
\v 15 ପୁଣି, ସେ ତୁମ୍ଭମାନଙ୍କ ବିହନର ଓ ତୁମ୍ଭମାନଙ୍କ ଦ୍ରାକ୍ଷାର ଦଶମାଂଶ ନେଇ ଆପଣାର ଗୃହାଧ୍ୟକ୍ଷ ଓ ଦାସମାନଙ୍କୁ ଦେବ।
\s5
\v 16 ଆଉ ସେ ତୁମ୍ଭମାନଙ୍କ ଦାସମାନଙ୍କୁ ଓ ତୁମ୍ଭମାନଙ୍କ ଦାସୀମାନଙ୍କୁ ଓ ତୁମ୍ଭମାନଙ୍କ ସର୍ବୋତ୍ତମ ଯୁବା ପୁରୁଷମାନଙ୍କୁ
\f +
\fr 8:16
\fq ଯୁବା ପୁରୁଷମାନଙ୍କୁ
\ft କିମ୍ବା ଗୃହପାଳିତ ପଶୁଗଣକୁ
\f* ଓ ତୁମ୍ଭମାନଙ୍କ ଗର୍ଦ୍ଦଭ ସକଳ ନେଇ ଆପଣା କାର୍ଯ୍ୟରେ ଲଗାଇବ।
\v 17 ସେ ତୁମ୍ଭମାନଙ୍କ ମେଷପଲର ଦଶମାଂଶ ନେବ ଓ ତୁମ୍ଭେମାନେ ତାହାର ଦାସ ହେବ।
\v 18 ପୁଣି, ସେ ସମୟରେ ତୁମ୍ଭେମାନେ ଆପଣା ମନୋନୀତ ରାଜା ସକାଶୁ କ୍ରନ୍ଦନ କରିବ; ମାତ୍ର ସେସମୟରେ ସଦାପ୍ରଭୁ ତୁମ୍ଭମାନଙ୍କୁ ଉତ୍ତର ଦେବେ ନାହିଁ।
\s5
\v 19 ତଥାପି ଲୋକମାନେ ଶାମୁୟେଲଙ୍କର ରବ ଶୁଣିବାକୁ ନାସ୍ତି କଲେ; ଆଉ ସେମାନେ କହିଲେ, ନା; ଆମ୍ଭମାନଙ୍କ ଉପରେ ଜଣେ ରାଜା ହେଉନ୍ତୁ;
\v 20 ତହିଁରେ ଆମ୍ଭେମାନେ ମଧ୍ୟ ଅନ୍ୟ ସବୁ ଦେଶୀୟଙ୍କ ପରି ହେବା; ଆମ୍ଭମାନଙ୍କ ରାଜା ଆମ୍ଭମାନଙ୍କୁ ବିଚାର କରିବେ ଓ ଆମ୍ଭମାନଙ୍କ ଅଗ୍ରସର ହୋଇ ଆମ୍ଭମାନଙ୍କ ପାଇଁ ଯୁଦ୍ଧ କରିବେ।
\s5
\v 21 ଏଥିରେ ଶାମୁୟେଲ ଲୋକମାନଙ୍କର ସମସ୍ତ କଥା ଶୁଣି ସଦାପ୍ରଭୁଙ୍କ କର୍ଣ୍ଣଗୋଚରରେ ତାହା କହିଲେ।
\v 22 ତହୁଁ ସଦାପ୍ରଭୁ ଶାମୁୟେଲଙ୍କୁ କହିଲେ, ସେମାନଙ୍କ ରବ ଶୁଣ ଓ ସେମାନଙ୍କ ପାଇଁ ଜଣେ ରାଜା ସ୍ଥିର କର। ଏଉତ୍ତାରେ ଶାମୁୟେଲ ଇସ୍ରାଏଲ-ଲୋକମାନଙ୍କୁ କହିଲେ, ତୁମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା ନଗରକୁ ଯାଅ।
\s5
\c 9
\s ଶାଉଲ ରାଜା ନିମନ୍ତେ ମନୋନୀତ
\p
\v 1 ସେହି ସମୟରେ ବିନ୍ୟାମୀନ୍ ବଂଶୀୟ ଅଫୀହର ବୃଦ୍ଧ ପ୍ରପୌତ୍ର, ବଖୋରତର ପ୍ରପୌତ୍ର, ସରୋରର ପୌତ୍ର, ଅବୀୟେଲର ପୁତ୍ର କୀଶ୍‍ ନାମକ ଜଣେ ମହାବିକ୍ରମଶାଳୀ ବିନ୍ୟାମୀନୀୟ ଲୋକ ଥିଲା।
\v 2 ପୁଣି, ତାହାର ଶାଉଲ ନାମରେ ଏକ ପୁତ୍ର ଥିଲେ, ସେ ସୁନ୍ଦର ଯୁବା ପୁରୁଷ; ଆଉ ଇସ୍ରାଏଲ ସନ୍ତାନମାନଙ୍କ ମଧ୍ୟରେ ତାଙ୍କଠାରୁ ଅଧିକ ସୁନ୍ଦର ପୁରୁଷ ନ ଥିଲେ; ସେ ସମସ୍ତ ଲୋକଙ୍କ ଅପେକ୍ଷା ସ୍କନ୍ଧରୁ ଉର୍ଦ୍ଧ୍ୱକୁ ଉଚ୍ଚ ଥିଲେ।
\s5
\v 3 ଏକ ସମୟରେ ଶାଉଲଙ୍କ ପିତା କୀଶ୍‍ର ଗଧସବୁ ହଜିଲେ। ତହିଁରେ କୀଶ୍‍ ଆପଣା ପୁତ୍ର ଶାଉଲଙ୍କୁ କହିଲା, ତୁମ୍ଭେ ଯୁବାମାନଙ୍କ ମଧ୍ୟରୁ ଜଣକୁ ସଙ୍ଗେ ନେଇ ଗଧ ଖୋଜିବାକୁ ଉଠି ଯାଅ।
\v 4 ତେଣୁ ସେ ଇଫ୍ରୟିମ ପର୍ବତମୟ ଦେଶ ଦେଇ ଗଲେ, ତହୁଁ ଶାଲିଶା ପ୍ରଦେଶ ଦେଇ ଗଲେ, ମାତ୍ର ସେମାନେ ସେମାନଙ୍କୁ ପାଇଲେ ନାହିଁ; ତେବେ ସେମାନେ ଶାଲୀମ୍‍ ପ୍ରଦେଶ ଦେଇ ଗଲେ, ପୁଣି, ସେଠାରେ ଗଧମାନେ ନ ଥିଲେ; ତହିଁ ଉତ୍ତାରୁ ସେ ବିନ୍ୟାମୀନ୍ ପ୍ରଦେଶ ଦେଇ ଗଲେ, ମାତ୍ର ସେଠାରେ ସେମାନଙ୍କୁ ପାଇଲେ ନାହିଁ।
\s5
\v 5 ଯେତେବେଳେ ସେମାନେ ସୂଫ ପ୍ରଦେଶରେ ଉପସ୍ଥିତ ହେଲେ, ସେତେବେଳେ ଶାଉଲ ଆପଣା ସଙ୍ଗୀ ଯୁବାକୁ କହିଲେ, ଆସ ଆମ୍ଭେମାନେ ଫେରି ଯାଉ; ନୋହିଲେ ମୋହର ପିତା ଗଧମାନଙ୍କ ବିଷୟରେ ଚିନ୍ତା କରିବା ଛାଡ଼ି ଆମ୍ଭମାନଙ୍କ ବିଷୟରେ ଚିନ୍ତା କରିବେ।
\v 6 ତହିଁରେ ସେ ତାଙ୍କୁ କହିଲା, ଦେଖ, ଏହି ନଗରରେ ପରମେଶ୍ୱରଙ୍କର ଏକ ଲୋକ ଅଛନ୍ତି, ସେ ଅତି ମାନ୍ୟଗଣ୍ୟ ଲୋକ; ସେ ଯାହାସବୁ କହନ୍ତି, ନିଶ୍ଚୟ ସଫଳ ହୁଏ; ଆସ, ଆମ୍ଭେମାନେ ସେଠାକୁ ଯାଉ; ହୋଇପାରେ, ଆମ୍ଭେମାନେ ଯେଉଁ ଯାତ୍ରା କରୁଅଛୁ, ସେ ବିଷୟ ସେ ଆମ୍ଭମାନଙ୍କୁ ଜଣାଇ ପାରିବେ।
\s5
\v 7 ତେବେ ଶାଉଲ ଆପଣା ଯୁବାକୁ କହିଲେ, ମାତ୍ର ଦେଖ, ଆମ୍ଭେମାନେ ଗଲେ, ସେ ଲୋକଙ୍କ ନିକଟକୁ କଅଣ ନେବା ? କାରଣ ଆମ୍ଭମାନଙ୍କ ପାତ୍ରରୁ ଖାଦ୍ୟସାମଗ୍ରୀ ସରିଲାଣି, ପରମେଶ୍ୱରଙ୍କ ଲୋକଙ୍କ ନିକଟକୁ ନେବା ପାଇଁ କୌଣସି ଦର୍ଶନୀ ନାହିଁ; ଆମ୍ଭମାନଙ୍କ ପାଖରେ କଅଣ ଅଛି ?
\v 8 ତହିଁରେ ସେହି ଯୁବା ଶାଉଲଙ୍କୁ ପୁନର୍ବାର ଉତ୍ତର ଦେଇ କହିଲା, ଦେଖ, ଆମ୍ଭ ହାତରେ ଏକ ଶେକଲ
\f +
\fr 9:8
\fq ଏକ ଶେକଲ
\ft ଅର୍ଥାତ୍ ଏକ ଛୋଟ ତିନି ଗ୍ରାମ୍‍ର ରୂପା
\f* ରୂପାର ଚତୁର୍ଥାଂଶ ଅଛି; ଆମ୍ଭମାନଙ୍କ ଯାତ୍ରା ବିଷୟ ଆମ୍ଭମାନଙ୍କୁ ଜଣାଇବା ପାଇଁ ଆମ୍ଭେ ପରମେଶ୍ୱରଙ୍କ ଲୋକଙ୍କୁ ତାହା ଦେବା।
\s5
\v 9 (ପୂର୍ବକାଳେ ଇସ୍ରାଏଲ ମଧ୍ୟରେ କାହାରି ପରମେଶ୍ୱରଙ୍କ ନିକଟରେ ପଚାରିବା ପାଇଁ ଯିବାର ହେଲେ, ସେ ଏପରି କହେ, ଆସ, ଆମ୍ଭେମାନେ ଦର୍ଶକ ନିକଟକୁ ଯାଉ; କାରଣ, ବର୍ତ୍ତମାନ ଯାହାକୁ ଭବିଷ୍ୟଦ୍‍ବକ୍ତା କହନ୍ତି, ପୂର୍ବକାଳରେ ତାହାକୁ ଦର୍ଶକ କହୁଥିଲେ)।
\v 10 ଏହେତୁ ଶାଉଲ ଆପଣା ଯୁବାକୁ କହିଲେ, ଭଲ କହିଲ; ଆସ, ଆମ୍ଭେମାନେ ଯାଉ। ତହିଁରେ ପରମେଶ୍ୱରଙ୍କ ଲୋକ ଯେଉଁ ନଗରରେ ଥିଲେ, ସେଠାକୁ ସେମାନେ ଗଲେ।
\v 11 ସେମାନେ ନଗରକୁ ଯିବା ଉଠାଣି ପଥରେ ଗଲା ବେଳେ ଜଳ କାଢ଼ିବା ପାଇଁ ବାହାରକୁ ଯିବା କେତେକ ଯୁବତୀଙ୍କୁ ଦେଖି ପଚାରିଲେ, ଏଠାରେ ଦର୍ଶକ ଅଛନ୍ତି କି ?
\s5
\v 12 ତହିଁରେ ସେମାନେ ଉତ୍ତର ଦେଇ କହିଲେ, ଅଛନ୍ତି; ଦେଖ, ସେ ତୁମ୍ଭ ଆଗରେ ଅଛନ୍ତି; ଶୀଘ୍ର ଯାଅ, କାରଣ ସେ ଆଜି ନଗରକୁ ଆସିଅଛନ୍ତି; ଆଜି ଉଚ୍ଚସ୍ଥଳୀରେ ଲୋକମାନଙ୍କର ଏକ ବଳିଦାନ ଅଛି;
\v 13 ସେ ଭୋଜନ କରିବା ପାଇଁ ଉଚ୍ଚସ୍ଥଳୀକି ଯିବା ପୂର୍ବେ ତୁମ୍ଭେମାନେ ନଗରରେ ପହଞ୍ଚିଲେ, ସେହିକ୍ଷଣି ତାଙ୍କୁ ଦେଖିବ; କାରଣ, ସେ ନ ଆସିବା ଯାଏ ଲୋକମାନେ ଭୋଜନ କରିବେ ନାହିଁ, ଯେହେତୁ ସେ ବଳିକି ଆଶୀର୍ବାଦ କଲା ଉତ୍ତାରେ ନିମନ୍ତ୍ରିତ ଲୋକମାନେ ଭୋଜନ କରନ୍ତି। ଏଣୁ ତୁମ୍ଭେମାନେ ଏହିକ୍ଷଣି ଉଠିଯାଅ, ଏତେବେଳେ ତୁମ୍ଭେମାନେ ତାଙ୍କୁ ପାଇବ।
\s5
\v 14 ତହୁଁ ସେମାନେ ନଗରକୁ ଉଠିଗଲେ; ନଗର ମଧ୍ୟରେ ଉପସ୍ଥିତ ହେବା ମାତ୍ରେ, ଦେଖ, ଉଚ୍ଚସ୍ଥଳୀକି ଯିବା ପାଇଁ ଶାମୁୟେଲ ବାହାରି ଆସି ସେମାନଙ୍କ ନିକଟରେ ଉପସ୍ଥିତ ହେଲେ।
\s5
\v 15 ଶାଉଲ ଆସିବାର ଦିନକ ପୂର୍ବେ ସଦାପ୍ରଭୁ ଶାମୁୟେଲଙ୍କ କର୍ଣ୍ଣରେ ଏହି କଥା କହିଥିଲେ,
\v 16 କାଲି ପ୍ରାୟ ଏହି ସମୟରେ ଆମ୍ଭେ ବିନ୍ୟାମୀନ୍ ପ୍ରଦେଶରୁ ତୁମ୍ଭ ନିକଟକୁ ଜଣେ ଲୋକ ପଠାଇବା, ଆଉ ତୁମ୍ଭେ ତାହାକୁ ଆମ୍ଭ ଇସ୍ରାଏଲ-ଲୋକଙ୍କ ଉପରେ ରାଜା କରି ଅଭିଷିକ୍ତ କରିବ ଓ ସେ ଆମ୍ଭ ଲୋକମାନଙ୍କୁ ପଲେଷ୍ଟୀୟମାନଙ୍କ ହସ୍ତରୁ ଉଦ୍ଧାର କରିବ; କାରଣ ଆମ୍ଭ ଲୋକମାନଙ୍କ କ୍ରନ୍ଦନ ଆମ୍ଭ କର୍ଣ୍ଣଗୋଚର ହେବାରୁ ଆମ୍ଭେ ସେମାନଙ୍କ ପ୍ରତି ଦୃଷ୍ଟିପାତ କଲୁ।
\s5
\v 17 ଏଥିରେ ଶାମୁୟେଲ ଶାଉଲଙ୍କୁ ଦେଖନ୍ତେ, ସଦାପ୍ରଭୁ ତାଙ୍କୁ କହିଲେ, ଯାହା ବିଷୟରେ ଆମ୍ଭେ ତୁମ୍ଭକୁ କହିଥିଲୁ, ସେହି ବ୍ୟକ୍ତିକି ଦେଖ ! ସେ ଆମ୍ଭ ଲୋକମାନଙ୍କ ଉପରେ ଶାସନ କରିବ।
\v 18 ସେତେବେଳେ ଶାଉଲ ନଗରଦ୍ୱାର ଭିତରେ ଶାମୁୟେଲଙ୍କର ନିକଟବର୍ତ୍ତୀ ହୋଇ କହିଲେ, ବିନୟ କରୁଅଛି, ଦର୍ଶକର ଗୃହ କେଉଁଠାରେ, ମୋତେ କୁହ।
\v 19 ତହିଁରେ ଶାମୁୟେଲ ଶାଉଲଙ୍କୁ ଉତ୍ତର ଦେଇ କହିଲେ, ମୁଁ ସେହି ଦର୍ଶକ; ସେ ଉଚ୍ଚସ୍ଥଳୀକୁ ମୋହର ଆଗେ ଯାଅ, କାରଣ ତୁମ୍ଭେମାନେ ଆଜି ମୋହର ସଙ୍ଗେ ଭୋଜନ କରିବ; ଆଉ ସକାଳେ ମୁଁ ତୁମ୍ଭକୁ ବିଦାୟ କରିବି ଓ ତୁମ୍ଭ ମନରେ ଯେସବୁ କଥା ଅଛି, ତାହା ସବୁ ତୁମ୍ଭକୁ ଜଣାଇବି।
\s5
\v 20 ପୁଣି, ତିନି ଦିନ ହେଲା ତୁମ୍ଭର ଯେଉଁସବୁ ଗଧ ହଜିଛନ୍ତି; ସେମାନଙ୍କଠାରେ ମନ ଦିଅ ନାହିଁ; କାରଣ ସେମାନେ ମିଳିଲେଣି। ପୁଣି, ଇସ୍ରାଏଲ ମଧ୍ୟରେ ସମସ୍ତ ବାଞ୍ଛନୀୟ ବିଷୟ କାହା ପାଇଁ ? ତାହା କି ତୁମ୍ଭ ନିମନ୍ତେ ଓ ତୁମ୍ଭର ସମସ୍ତ ପିତୃଗୃହ ନିମନ୍ତେ ନୁହେଁ ?
\v 21 ତହୁଁ ଶାଉଲ ଉତ୍ତର କରି କହିଲେ, ମୁଁ କି ଇସ୍ରାଏଲ- ବଂଶସମୂହ ମଧ୍ୟରେ କ୍ଷୁଦ୍ରତମ ବିନ୍ୟାମୀନ୍ ବଂଶୀୟ ନୁହେଁ ? ଆଉ ବିନ୍ୟାମୀନ୍ ବଂଶୀୟ ସମସ୍ତ ପରିବାର ମଧ୍ୟରେ ମୋର ପରିବାର କି କ୍ଷୁଦ୍ରତମ ନୁହେଁ ? ତେବେ ତୁମ୍ଭେ ମୋତେ ଏପ୍ରକାର କଥା କାହିଁକି କହୁଅଛ ?
\s5
\v 22 ଏଥିରେ ଶାମୁୟେଲ ଶାଉଲଙ୍କୁ ଓ ତାଙ୍କର ଯୁବାକୁ ନେଇ ଭୋଜନଶାଳାକୁ ଗଲେ ଓ ଊଣାଧିକ ତିରିଶ ନିମନ୍ତ୍ରିତ ଲୋକଙ୍କ ମଧ୍ୟରେ ସେମାନଙ୍କୁ ସର୍ବୋତ୍ତମ ସ୍ଥାନରେ ବସାଇଲେ।
\s5
\v 23 ଏଉତ୍ତାରେ ଶାମୁୟେଲ ପାଚକକୁ କହିଲେ, ମୁଁ ତୁମ୍ଭକୁ ଯେଉଁ ଅଂଶ ଦେଇ ଆପଣା ନିକଟରେ ରଖିଥାଅ ବୋଲି କହିଥିଲି, ତାହା ଆଣ।
\v 24 ତହିଁରେ ପାଚକ ଚଟୁଆ ଓ ତହିଁ ଉପରେ ଯାହା ଥିଲା, ତାହା ଆଣି ଶାଉଲଙ୍କ ଆଗରେ ଥୋଇଲା। ତହୁଁ ଶାମୁୟେଲ କହିଲେ, ଦେଖ ! ଏହା ରଖାଯାଇଥିଲା, ଆପଣା ଆଗରେ ରଖି ଭୋଜନ କର; ଯେହେତୁ ନିରୂପିତ ସମୟ ଅପେକ୍ଷାରେ ଏହା ତୁମ୍ଭ ପାଇଁ ରଖାଯାଇଅଛି, କାରଣ ମୁଁ ଲୋକମାନଙ୍କୁ ନିମନ୍ତ୍ରଣ କରିଅଛି ବୋଲି କହିଥିଲି। ତହିଁରେ ସେହି ଦିନ ଶାଉଲ ଶାମୁୟେଲଙ୍କ ସଙ୍ଗେ ଭୋଜନ କଲେ।
\s5
\v 25 ତହୁଁ ସେମାନେ ଉଚ୍ଚସ୍ଥଳୀରୁ ଓହ୍ଲାଇ ନଗରକୁ ଆସନ୍ତେ, ଶାମୁୟେଲ ଗୃହଛାତ ଉପରେ ଶାଉଲଙ୍କ ସଙ୍ଗେ ଆଳାପ କଲେ।
\f +
\fr 9:25
\fq ଶାଉଲଙ୍କ ସଙ୍ଗେ ଆଳାପ କଲେ।
\ft କିମ୍ବା ଶାଉଲଙ୍କ ସଙ୍ଗେ ଶୋଇଲେ
\f*
\s ଶାଉଲ ରାଜା ରୂପେ ଅଭିଷିକ୍ତ
\p
\v 26 ଏଉତ୍ତାରେ ସେମାନେ ଅତି ପ୍ରଭାତରେ ଉଠିଲେ; ପୁଣି, ପ୍ରାୟ ଦିବସ-ପ୍ରକାଶ ସମୟରେ ଶାମୁୟେଲ ଗୃହଛାତ ଉପରେ ଶାଉଲଙ୍କୁ ଡାକି କହିଲେ, ଉଠ, ମୁଁ ତୁମ୍ଭଙ୍କୁ ବିଦାୟ କରିବି। ତହିଁରେ ଶାଉଲ ଉଠିଲେ, ପୁଣି, ସେ ଓ ଶାମୁୟେଲ ଦୁହେଁ ବାହାରକୁ ଗଲେ।
\s5
\v 27 ଆଉ ସେମାନେ ନଗର-ପ୍ରାନ୍ତରେ ହେବା ବେଳେ ଶାମୁୟେଲ ଶାଉଲଙ୍କୁ କହିଲେ, ଏହି ଯୁବାକୁ ଆମ୍ଭମାନଙ୍କ ଆଗେ ଯିବାକୁ କୁହ; (ତହୁଁ ସେ ଆଗେ ଗଲା); ମାତ୍ର ତୁମ୍ଭେ ବର୍ତ୍ତମାନ ଠିଆ ହୁଅ, ଆମ୍ଭେ ତୁମ୍ଭକୁ ପରମେଶ୍ୱରଙ୍କ ବାକ୍ୟ ଶୁଣାଇବା।
\s5
\c 10
\p
\v 1 ଏଥିଉତ୍ତାରେ ଶାମୁୟେଲ ତୈଳପାତ୍ର ନେଇ ତାଙ୍କର ମସ୍ତକରେ ଢାଳିଲେ ଓ ତାଙ୍କୁ ଚୁମ୍ବନ କରି କହିଲେ, ସଦାପ୍ରଭୁ କି ଆପଣା ଅଧିକାର ଉପରେ
\f +
\fr 10:1
\fq ଅଧିକାର ଉପରେ
\ft ଅର୍ଥାତ୍ ଇସ୍ରାଏଲ ଲୋକମାନଙ୍କ ଉପରେ
\f* ତୁମ୍ଭକୁ ଅଗ୍ରଣୀ ହେବା ପାଇଁ ଅଭିଷେକ କରି ନାହାନ୍ତି ?
\v 2 ଆଜି ତୁମ୍ଭେ ଯେତେବେଳେ ମୋହର ନିକଟରୁ ପ୍ରସ୍ଥାନ କରିବ, ସେତେବେଳେ ବିନ୍ୟାମୀନ୍‍ର ସୀମାସ୍ଥିତ ସେଲ୍‍ସହରେ ରାହେଲ-କବର ନିକଟରେ ଦୁଇ ପୁରୁଷଙ୍କର ସାକ୍ଷାତ ପାଇବ; ପୁଣି, ସେମାନେ ତୁମ୍ଭକୁ କହିବେ, ତୁମ୍ଭେ ଯେଉଁ ଗଧମାନଙ୍କୁ ଖୋଜିବାକୁ ଯାଇଥିଲ, ସେମାନେ ମିଳିଲେ; ଆଉ ଦେଖ, ତୁମ୍ଭ ପିତା ଗଧମାନଙ୍କ ଚିନ୍ତା ଛାଡ଼ି ତୁମ୍ଭମାନଙ୍କ ବିଷୟରେ ଚିନ୍ତା କରି କହୁଛନ୍ତି, ମୁଁ ଆପଣା ପୁତ୍ର ପାଇଁ କଅଣ କରିବି ?
\s5
\v 3 ତେବେ ତୁମ୍ଭେ ସେଠାରୁ ଆଗକୁ ଗଲେ, ତାବୋରର ଅଲୋନ ବୃକ୍ଷ ନିକଟରେ ଉପସ୍ଥିତ ହେବ, ସେଠାରେ ଜଣେ ତିନୋଟି ଛେଳି ଛୁଆ, ଆଉ ଜଣେ ତିନୋଟି ରୁଟି, ପୁଣି, ଆଉ ଜଣେ କୁମ୍ପାଏ ଦ୍ରାକ୍ଷାରସ ଘେନି ବେଥେଲ୍‍କୁ ପରମେଶ୍ୱରଙ୍କ ନିକଟକୁ ଯାଉଥିବାର ଏପରି ତିନି ପୁରୁଷଙ୍କର ସାକ୍ଷାତ ପାଇବ;
\v 4 ପୁଣି, ସେମାନେ ତୁମ୍ଭର ମଙ୍ଗଳ ବାର୍ତ୍ତା ପଚାରି ତୁମ୍ଭକୁ ଦୁଇଗୋଟି ରୁଟି ଦେବେ; ତୁମ୍ଭେ ସେମାନଙ୍କ ହସ୍ତରୁ ତାହା ଗ୍ରହଣ କରିବ।
\s5
\v 5 ଏଉତ୍ତାରେ ତୁମ୍ଭେ ପରମେଶ୍ୱରଙ୍କ ପର୍ବତରେ ଉପସ୍ଥିତ ହେବ, ସେଠାରେ ପଲେଷ୍ଟୀୟମାନଙ୍କ ପ୍ରହରୀ-ସୈନ୍ୟଦଳ ଅଛନ୍ତି; ଆଉ, ସେଠାରେ ନଗର-ପ୍ରବେଶ ସ୍ଥାନକୁ ଆସିଲେ ନେବଲ ଓ ଦାରା ଓ ବଂଶୀ ଓ ବୀଣା ନେଇ ଉଚ୍ଚସ୍ଥଳୀରୁ ଓହ୍ଲାଇ ଆସିବାର ଏକ ଦଳ ଭବିଷ୍ୟଦ୍‍ବକ୍ତାଙ୍କ ସହିତ ତୁମ୍ଭର ସାକ୍ଷାତ ହେବ; ସେମାନେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରୁଥିବେ;
\v 6 ସେତେବେଳେ ସଦାପ୍ରଭୁଙ୍କ ଆତ୍ମା ତୁମ୍ଭକୁ ଆକ୍ରାନ୍ତ କରିବେ, ତହିଁରେ ତୁମ୍ଭେ ସେମାନଙ୍କ ସହିତ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରିବ ଓ ପରିବର୍ତ୍ତିତ ହୋଇ ଅନ୍ୟ ପ୍ରକାର ଲୋକ ହୋଇଯିବ।
\s5
\v 7 ଏହି ସବୁ ଚିହ୍ନ ତୁମ୍ଭ ପ୍ରତି ଘଟିଲେ, ତୁମ୍ଭ ଦ୍ୱାରା ଯେପରି ହେବ, ସେପରି କର; କାରଣ ପରମେଶ୍ୱର ତୁମ୍ଭ ସଙ୍ଗରେ ଅଛନ୍ତି।
\v 8 ମାତ୍ର ତୁମ୍ଭେ ମୋର ଆଗେ ଗିଲ୍‍ଗଲ୍‍କୁ ଯିବ; ଆଉ ଦେଖ, ମୁଁ ହୋମବଳି ଉତ୍ସର୍ଗ କରିବାକୁ ଓ ମଙ୍ଗଳାର୍ଥକ ବଳିଦାନ କରିବାକୁ ତୁମ୍ଭ କତିକି ଯିବି; ମୁଁ ତୁମ୍ଭ ନିକଟରେ ଉପସ୍ଥିତ ହୋଇ ତୁମ୍ଭର କର୍ତ୍ତବ୍ୟ ବିଷୟ ତୁମ୍ଭକୁ ଜ୍ଞାତ କରାଇବା ପର୍ଯ୍ୟନ୍ତ ତୁମ୍ଭେ ସାତ ଦିନ ବିଳମ୍ବ କରିବ।
\s5
\v 9 ଏଥିଉତ୍ତାରେ ସେ ଶାମୁୟେଲଙ୍କ ନିକଟରୁ ଯିବା ପାଇଁ ପିଠି ଫେରାନ୍ତେ, ପରମେଶ୍ୱର ତାଙ୍କର ଅନ୍ୟ ଅନ୍ତଃକରଣ କରିଦେଲେ ଓ ସେହିଦିନ ସେସମସ୍ତ ଚିହ୍ନ ଘଟିଲା।
\v 10 ଏଥିଉତ୍ତାରେ ସେମାନେ ସେସ୍ଥାନରେ ପର୍ବତରେ ଉପସ୍ଥିତ ହୁଅନ୍ତେ, ଦେଖ, ଏକ ଦଳ ଭବିଷ୍ୟଦ୍‍ବକ୍ତା ତାଙ୍କୁ ଭେଟିଲେ; ପୁଣି, ପରମେଶ୍ୱରଙ୍କ ଆତ୍ମା ତାଙ୍କୁ ଆକ୍ରାନ୍ତ କରନ୍ତେ, ସେ ସେମାନଙ୍କ ମଧ୍ୟରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରିବାକୁ ଲାଗିଲେ।
\s5
\v 11 ଏଥିରେ ଯେଉଁମାନେ ପୂର୍ବାବଧି ତାଙ୍କୁ ଜାଣିଥିଲେ, ସେସମସ୍ତେ ଯେତେବେଳେ ଦେଖିଲେ ଯେ, ଦେଖ, ସେ ଭବିଷ୍ୟଦ୍‍ବକ୍ତାମାନଙ୍କ ମଧ୍ୟରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରୁଅଛନ୍ତି, ସେତେବେଳେ ଲୋକମାନେ ପରସ୍ପର କହିଲେ, କୀଶ୍‍ର ପୁତ୍ର ପ୍ରତି କଅଣ ଘଟିଲା ? ଶାଉଲ ହିଁ କି ଭବିଷ୍ୟଦ୍‍-ବକ୍ତାମାନଙ୍କ ମଧ୍ୟରେ ଜଣେ ?
\v 12 ତହିଁରେ ସେହି ସ୍ଥାନର ଜଣେ ଉତ୍ତର କରି କହିଲା, ଆଚ୍ଛା, ସେମାନଙ୍କ ପିତା କିଏ ? ଏହିହେତୁ ‘ଶାଉଲ କି ଭବିଷ୍ୟଦ୍‍ବକ୍ତାମାନଙ୍କ ମଧ୍ୟରେ ଜଣେ’ ଏହି କଥା ଏକ ପ୍ରବାଦ ହୋଇ ଉଠିଲା।
\v 13 ତହୁଁ ସେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରିବା ସମାପ୍ତ କଲା ଉତ୍ତାରେ ଉଚ୍ଚସ୍ଥଳୀକୁ ଗଲେ।
\s5
\v 14 ଏଥିଉତ୍ତାରେ ଶାଉଲଙ୍କର ପିତୃବ୍ୟ ତାଙ୍କୁ ଓ ତାଙ୍କର ଯୁବାକୁ ପଚାରିଲେ, ତୁମ୍ଭେମାନେ କେଉଁଠାକୁ ଯାଇଥିଲ ? ସେ କହିଲେ, ଗଧ ଖୋଜିବା ପାଇଁ; ମାତ୍ର ସେମାନେ ମିଳିଲେ ନାହିଁ ବୋଲି ଦେଖି, ଆମ୍ଭେମାନେ ଶାମୁୟେଲଙ୍କ ନିକଟକୁ ଆସିଲୁ।
\v 15 ଏଥିରେ ଶାଉଲଙ୍କର ପିତୃବ୍ୟ କହିଲେ, ମୁଁ ନିବେଦନ କରୁଅଛି, ଶାମୁୟେଲ ତୁମ୍ଭମାନଙ୍କୁ କ’ଣ କହିଲେ, ମୋତେ କୁହ।
\v 16 ତହିଁରେ ଶାଉଲ ଆପଣା ପିତୃବ୍ୟଙ୍କୁ କହିଲେ, ଗଧସବୁ ମିଳିଲେ ବୋଲି ସେ ଆମ୍ଭମାନଙ୍କୁ ସ୍ପଷ୍ଟ ରୂପେ କହିଲେ। ମାତ୍ର ରାଜତ୍ୱର ଯେଉଁ କଥା ଶାମୁୟେଲ କହିଥିଲେ, ତାହା ସେ ତାଙ୍କୁ ଜଣାଇଲେ ନାହିଁ।
\s ଶାଉଲ ରାଜା ରୂପେ ଘୋଷିତ
\p
\s5
\v 17 ଏଥିଉତ୍ତାରେ ଶାମୁୟେଲ ଲୋକମାନଙ୍କୁ ମିସ୍ପାରେ ସଦାପ୍ରଭୁଙ୍କ ନିକଟକୁ ଏକତ୍ର ଡକାଇଲେ।
\v 18 ଓ ସେ ଇସ୍ରାଏଲ ସନ୍ତାନଗଣଙ୍କୁ କହିଲେ, ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର କହନ୍ତି, ଆମ୍ଭେ ଇସ୍ରାଏଲକୁ ମିସରରୁ ବାହାର କରି ଆଣିଲୁ ଓ ଆମ୍ଭେ ମିସ୍ରୀୟମାନଙ୍କ ହସ୍ତରୁ ଓ ଯେସକଳ ରାଜ୍ୟର ଲୋକମାନେ ତୁମ୍ଭମାନଙ୍କ ପ୍ରତି ଉପଦ୍ରବ କଲେ, ସେମାନଙ୍କ ହସ୍ତରୁ ତୁମ୍ଭମାନଙ୍କୁ ଉଦ୍ଧାର କଲୁ;
\v 19 ମାତ୍ର ତୁମ୍ଭମାନଙ୍କର ଯେଉଁ ପରମେଶ୍ୱର ଆପେ, ତୁମ୍ଭମାନଙ୍କର ସମସ୍ତ ଅମଙ୍ଗଳ ଓ କ୍ଳେଶରୁ ତୁମ୍ଭମାନଙ୍କୁ ଉଦ୍ଧାର କରନ୍ତି, ତୁମ୍ଭେମାନେ ଆଜି ତାହାଙ୍କୁ ଅଗ୍ରାହ୍ୟ କଲ ଓ ତାହାଙ୍କୁ କହିଲ, ଯାହା ହେଉ, ଆମ୍ଭମାନଙ୍କ ଉପରେ ଏକ ରାଜା ନିଯୁକ୍ତ କର, ଏହେତୁ ତୁମ୍ଭେମାନେ ଏବେ ଆପଣା ଆପଣା ବଂଶାନୁସାରେ ଓ ସହସ୍ର ସହସ୍ର ଅନୁସାରେ ସଦାପ୍ରଭୁଙ୍କ ସାକ୍ଷାତରେ ଉପସ୍ଥିତ ହୁଅ।
\s5
\v 20 ଏଉତ୍ତାରେ ଶାମୁୟେଲ ଇସ୍ରାଏଲର ସମସ୍ତ ବଂଶକୁ ନିକଟକୁ ଅଣାନ୍ତେ, ବିନ୍ୟାମୀନ୍ ବଂଶ ନିର୍ଣ୍ଣିତ ହେଲା।
\v 21 ପୁଣି, ସେ ବିନ୍ୟାମୀନ୍ ବଂଶକୁ ଏକ ଏକ ଗୋଷ୍ଠୀ ଅନୁସାରେ ନିକଟକୁ ଅଣାନ୍ତେ, ମଟ୍ରିର ଗୋଷ୍ଠୀ ନିର୍ଣ୍ଣିତ ହେଲା ଓ ତହିଁ ମଧ୍ୟରୁ କୀଶ୍‍ର ପୁତ୍ର ଶାଉଲ ନିର୍ଣ୍ଣିତ ହେଲେ; ମାତ୍ର ସେମାନେ ତାଙ୍କୁ ଖୋଜନ୍ତେ, ସେ ମିଳିଲେ ନାହିଁ।
\s5
\v 22 ଏନିମନ୍ତେ ସେମାନେ ପୁନର୍ବାର ସଦାପ୍ରଭୁଙ୍କୁ ପଚାରିଲେ, କି ଆଉ କୌଣସି ଲୋକ ଏଠାକୁ ଆସିବାର ଅଛି ? ତହିଁରେ ସଦାପ୍ରଭୁ ଉତ୍ତର କଲେ, ଦେଖ, ସେ ସାମଗ୍ରୀ ମଧ୍ୟରେ ଆପଣାକୁ ଲୁଚାଇଅଛି।
\v 23 ତହୁଁ ସେମାନେ ଦୌଡ଼ିଯାଇ ସେଠାରୁ ତାଙ୍କୁ ଆଣିଲେ; ପୁଣି, ସେ ଲୋକମାନଙ୍କ ମଧ୍ୟରେ ଛିଡ଼ା ହୁଅନ୍ତେ, ଅନ୍ୟ ସକଳ ଲୋକଙ୍କ ଅପେକ୍ଷା ସ୍କନ୍ଧରୁ ଉର୍ଦ୍ଧ୍ୱକୁ ଉଚ୍ଚ ହେଲେ।
\s5
\v 24 ଏଥିରେ ଶାମୁୟେଲ ସମସ୍ତ ଲୋକଙ୍କୁ କହିଲେ, ସଦାପ୍ରଭୁ ଯାହାଙ୍କୁ ମନୋନୀତ କରିଅଛନ୍ତି, ତୁମ୍ଭେମାନେ କି ତାଙ୍କୁ ଦେଖୁଛ, ସମସ୍ତ ଲୋକଙ୍କ ମଧ୍ୟରେ ତାଙ୍କ ପରି କେହି ନାହିଁ ? ତହିଁରେ ସମସ୍ତ ଲୋକ ଜୟଧ୍ୱନି କରି କହିଲେ, ରାଜା ଚିରଜୀବୀ ହେଉନ୍ତୁ।
\s5
\v 25 ଏଥିଉତ୍ତାରେ ଶାମୁୟେଲ ଲୋକମାନଙ୍କୁ ରାଜନୀତି ଜଣାଇଲେ ଓ ତାହା ଖଣ୍ଡେ ପୁସ୍ତକରେ ଲେଖି ସଦାପ୍ରଭୁଙ୍କ ସମ୍ମୁଖରେ ରଖିଲେ, ତହୁଁ ଶାମୁୟେଲ ଲୋକମାନଙ୍କର ପ୍ରତ୍ୟେକକୁ ଆପଣା ଆପଣା ଗୃହକୁ ବିଦାୟ କଲେ।
\s5
\v 26 ପୁଣି, ଶାଉଲ ମଧ୍ୟ ଆପଣା ଗୃହ ଗିବୀୟାକୁ ଗଲେ; ଆଉ ପରମେଶ୍ୱର ଯେଉଁମାନଙ୍କର ହୃଦୟ ସ୍ପର୍ଶ କଲେ, ଏପରି ବିକ୍ରମଶାଳୀ ଲୋକମାନେ ତାଙ୍କ ସହିତ ଗମନ କଲେ।
\v 27 ମାତ୍ର କେତେକ ଦୁଷ୍ଟ ଲୋକମାନେ
\f +
\fr 10:27
\fq ଦୁଷ୍ଟ ଲୋକମାନେ
\ft କିମ୍ବା ବେଲିଆଲ୍‍ର ସନ୍ତାନ
\f* କହିଲେ, ଏହି ଲୋକ କିପରି ଆମ୍ଭମାନଙ୍କୁ ଉଦ୍ଧାର କରିବ ? ଆଉ ସେମାନେ ତାଙ୍କୁ ତୁଚ୍ଛଜ୍ଞାନ କରି କିଛି ଦର୍ଶନୀ ଆଣିଲେ ନାହିଁ। ମାତ୍ର ସେ ମୌନ ହୋଇ ରହିଲେ।
\s5
\c 11
\s ଶାଉଲଙ୍କ ଦ୍ୱାରା ଅମ୍ମୋନୀୟ ପରାଜିତ
\p
\v 1 ଏଥିଉତ୍ତାରେ ଅମ୍ମୋନୀୟ ନାହଶ୍‍ ଆସି ଯାବେଶ-ଗିଲୀୟଦ ସମ୍ମୁଖରେ ଛାଉଣି ସ୍ଥାପନ କଲା; ତହିଁରେ ଯାବେଶର ସମସ୍ତ ଲୋକ ନାହଶ୍‍କୁ କହିଲେ, ତୁମ୍ଭେ ଆମ୍ଭମାନଙ୍କ ସହିତ ଏକ ନିୟମ ସ୍ଥିର କର, ତେବେ ଆମ୍ଭେମାନେ ତୁମ୍ଭର ସେବା କରିବା।
\v 2 ତହୁଁ ଅମ୍ମୋନୀୟ ନାହଶ୍‍ ସେମାନଙ୍କୁ ଉତ୍ତର କଲା, ତୁମ୍ଭ ସମସ୍ତଙ୍କର ଦକ୍ଷିଣ ଚକ୍ଷୁ ଉପୁଡ଼ାଗଲେ ମୁଁ ତୁମ୍ଭମାନଙ୍କ ସହିତ ନିୟମ ସ୍ଥିର କରିବି; ଆଉ ମୁଁ ତଦ୍ଦ୍ୱାରା ସମସ୍ତ ଇସ୍ରାଏଲ ଉପରେ ଅପମାନ ଥୋଇବି।
\s5
\v 3 ତେବେ ଯାବେଶର ପ୍ରାଚୀନମାନେ ତାହାକୁ କହିଲେ, ସାତ ଦିନ ଆମ୍ଭମାନଙ୍କୁ ଛାଡ଼ିଦିଅ, ଆମ୍ଭେମାନେ ଇସ୍ରାଏଲ ସୀମାର ସର୍ବତ୍ର ଦୂତ ପଠାଇବା; ତହିଁରେ କେହି ଯେବେ ଆମ୍ଭମାନଙ୍କୁ ଉଦ୍ଧାର କରିବାକୁ ନ ଥାଏ, ତେବେ ଆମ୍ଭେମାନେ ବାହାର ହୋଇ ତୁମ୍ଭ ନିକଟକୁ ଆସିବୁ।
\s5
\v 4 ଏଥିଉତ୍ତାରେ ଦୂତମାନେ ଶାଉଲଙ୍କ ବାସସ୍ଥାନ ଗିବୀୟାକୁ ଆସି ଲୋକମାନଙ୍କ କର୍ଣ୍ଣଗୋଚରରେ ସେହିସବୁ କଥା କହିଲେ; ତହିଁରେ ସମସ୍ତ ଲୋକ ଆପଣା ଆପଣା ରବ ଉଠାଇ ରୋଦନ କଲେ।
\v 5 ଏହି ସମୟରେ ଦେଖ, ଶାଉଲ କ୍ଷେତ୍ରରୁ ବଳଦମାନଙ୍କ ପଛେ ଆସୁ ଆସୁ ଉପସ୍ଥିତ ହେଲେ; ଆଉ ଶାଉଲ ପଚାରିଲେ, ଲୋକମାନଙ୍କର କଅଣ ହେଲା ଯେ, ସେମାନେ ରୋଦନ କରୁଅଛନ୍ତି ? ତହିଁରେ ସେମାନେ ଯାବେଶର ଲୋକମାନଙ୍କ କଥା ତାଙ୍କୁ ଜଣାଇଲେ।
\s5
\v 6 ସେହି କଥା ଶୁଣିବାମାତ୍ରେ ପରମେଶ୍ୱରଙ୍କ ଆତ୍ମା ଶାଉଲଙ୍କୁ ଆକ୍ରାନ୍ତ କରନ୍ତେ, ତାଙ୍କର କ୍ରୋଧ ଅତିଶୟ ପ୍ରଜ୍ୱଳିତ ହେଲା।
\v 7 ତହୁଁ ସେ ଏକ ହଳ ବଳଦ ନେଇ ଖଣ୍ଡ ଖଣ୍ଡ କରି କାଟିଲେ ଓ ଦୂତମାନଙ୍କ ହସ୍ତରେ ଇସ୍ରାଏଲ ସୀମାର ସର୍ବତ୍ର ତାହା ପଠାଇ କହିଲେ, ଯେ କେହି ବାହାରି ଶାଉଲ ଓ ଶାମୁୟେଲଙ୍କର ପଶ୍ଚାଦ୍‍ଗମନ ନ କରେ, ତାହାର ବଳଦମାନଙ୍କ ପ୍ରତି ଏହିପରି କରାଯିବ। ତହୁଁ ସଦାପ୍ରଭୁଙ୍କଠାରୁ ଲୋକମାନଙ୍କ ଉପରେ ଆଶଙ୍କା ପଡ଼ନ୍ତେ, ସେମାନେ ଏକ ମନୁଷ୍ୟ ପରି ବାହାର ହୋଇ ଆସିଲେ।
\v 8 ତେବେ ସେ ବେଷକରେ ସେମାନଙ୍କୁ ଗଣନା କଲେ; ତହିଁରେ ଇସ୍ରାଏଲ ସନ୍ତାନଗଣ ତିନି ଲକ୍ଷ ଓ ଯିହୁଦାର ତିରିଶ ହଜାର ଲୋକ ହେଲେ।
\s5
\v 9 ଏଥିଉତ୍ତାରେ ସେମାନେ ସେହି ଆଗତ ଦୂତମାନଙ୍କୁ କହିଲେ, ତୁମ୍ଭେମାନେ ଯାବେଶ-ଗିଲୀୟଦର ଲୋକମାନଙ୍କୁ କୁହ, କାଲି ଖରାବେଳେ ତୁମ୍ଭେମାନେ ଉଦ୍ଧାର ପାଇବ; ତହିଁରେ ଦୂତମାନେ ଆସି ଯାବେଶର ଲୋକମାନଙ୍କୁ ତାହା ଜଣାନ୍ତେ, ସେମାନେ ଆନନ୍ଦିତ ହେଲେ।
\v 10 ଏନିମନ୍ତେ ଯାବେଶର ଲୋକମାନେ (ନାହଶ୍‍କୁ) କହିଲେ, କାଲି ଆମ୍ଭେମାନେ ତୁମ୍ଭମାନଙ୍କ ନିକଟକୁ ବାହାର ହୋଇ ଯିବା, ତହିଁରେ ତୁମ୍ଭମାନଙ୍କ ଦୃଷ୍ଟିକି ଯାହା ଭଲ ଦିଶେ, ତାହା ଆମ୍ଭ ସମସ୍ତଙ୍କ ପ୍ରତି କରିବ।
\s5
\v 11 ପରଦିନ ଶାଉଲ ଲୋକମାନଙ୍କୁ ତିନି ଦଳ କଲେ; ତେଣୁ ସେମାନେ ପ୍ରଭାତୀୟ ପ୍ରହରରେ ଅମ୍ମୋନୀୟମାନଙ୍କ ଛାଉଣି ମଧ୍ୟକୁ ଯାଇ ଖରାବେଳ ପର୍ଯ୍ୟନ୍ତ ସେମାନଙ୍କୁ ସଂହାର କଲେ; ତହିଁରେ ସେମାନଙ୍କର ଅବଶିଷ୍ଟ ଲୋକମାନେ ଏପରି ଛିନ୍ନଭିନ୍ନ ହେଲେ ଯେ, ସେମାନଙ୍କର ଦୁଇ ଜଣ ଏକତ୍ର ରହିଲେ ନାହିଁ।
\s5
\v 12 ଏଥିଉତ୍ତାରେ ଲୋକମାନେ ଶାମୁୟେଲଙ୍କୁ କହିଲେ, କିଏ କହୁଥିଲା କି, ଶାଉଲ ଆମ୍ଭମାନଙ୍କ ଉପରେ ରାଜା ହେବ ? ସେହି ଲୋକମାନଙ୍କୁ ଆଣ, ଆମ୍ଭେମାନେ ସେମାନଙ୍କୁ ବଧ କରିବା।
\v 13 ମାତ୍ର ଶାଉଲ କହିଲେ, ଆଜି କୌଣସି ଲୋକର ପ୍ରାଣଦଣ୍ଡ ହେବ ନାହିଁ, କାରଣ ଆଜି ସଦାପ୍ରଭୁ ଇସ୍ରାଏଲ ମଧ୍ୟରେ ଉଦ୍ଧାର ସାଧନ କରିଅଛନ୍ତି।
\s5
\v 14 ଏଥିଉତ୍ତାରେ ଶାମୁୟେଲ ଲୋକମାନଙ୍କୁ କହିଲେ, ଆସ, ଆମ୍ଭେମାନେ ଗିଲ୍‍ଗଲ୍‍କୁ ଯାଇ ସେଠାରେ ପୁନର୍ବାର ରାଜତ୍ୱ ସ୍ଥିର କରିବା।
\v 15 ତହିଁରେ ସମସ୍ତ ଲୋକ ଗିଲ୍‍ଗଲ୍‍କୁ ଗଲେ ଓ ସେହି ଗିଲ୍‍ଗଲ୍‍ରେ ସଦାପ୍ରଭୁଙ୍କ ସମ୍ମୁଖରେ ଶାଉଲଙ୍କୁ ରାଜା କଲେ; ଆଉ ସେସ୍ଥାନରେ ସଦାପ୍ରଭୁଙ୍କ ସମ୍ମୁଖରେ ସେମାନେ ମଙ୍ଗଳାର୍ଥକ ବଳିଦାନ କଲେ; ପୁଣି, ସେହି ସ୍ଥାନରେ ଶାଉଲ ଓ ଇସ୍ରାଏଲର ସମସ୍ତ ଲୋକ ମହାଆନନ୍ଦ କଲେ।
\s5
\c 12
\s ଶାମୁୟେଲଙ୍କ ବିଦାୟ ବାର୍ତ୍ତା
\p
\v 1 ଏଥିଉତ୍ତାରେ ଶାମୁୟେଲ ସମସ୍ତ ଇସ୍ରାଏଲଙ୍କୁ କହିଲେ, ଦେଖ, ତୁମ୍ଭେମାନେ ମୋତେ ଯାହା ଯାହା କହିଲ, ମୁଁ ତୁମ୍ଭମାନଙ୍କର ସେହି ରବ ଶୁଣିଲି ଓ ତୁମ୍ଭମାନଙ୍କ ଉପରେ ଏକ ଜଣକୁ ରାଜା କଲି।
\v 2 ଆଉ ଏବେ ଦେଖ, ରାଜା ତୁମ୍ଭମାନଙ୍କ ସମ୍ମୁଖରେ ଗମନାଗମନ କରୁଅଛନ୍ତି; ପୁଣି, ମୁଁ ବୃଦ୍ଧ ଓ ପକ୍ୱକେଶ ହୋଇଅଛି; ଆଉ ଦେଖ, ମୋହର ପୁତ୍ରମାନେ ତୁମ୍ଭମାନଙ୍କ ସଙ୍ଗରେ ଅଛନ୍ତି, ପୁଣି, ମୁଁ ଯୌବନାକାଳାବଧି ଆଜି ପର୍ଯ୍ୟନ୍ତ ତୁମ୍ଭମାନଙ୍କ ସମ୍ମୁଖରେ ଗମନାଗମନ କରିଅଛି।
\s5
\v 3 ଦେଖ, ମୁଁ ଏଠାରେ ଅଛି; ସଦାପ୍ରଭୁଙ୍କ ସମ୍ମୁଖରେ ଓ ତାହାଙ୍କ ଅଭିଷିକ୍ତଙ୍କ ସମ୍ମୁଖରେ, ମୋହର ବିରୁଦ୍ଧରେ ସାକ୍ଷ୍ୟ ଦିଅ; ମୁଁ କାହାର ଗୋରୁ ନେଇଅଛି ? ଅବା ମୁଁ କାହାର ଗଧ ନେଇଅଛି ? ଅବା ମୁଁ କାହାର ଅନ୍ୟାୟ କରିଅଛି ? ମୁଁ କାହା ପ୍ରତି ଉପଦ୍ରବ କରିଅଛି ? କିଅବା ମୁଁ ଆପଣା ଚକ୍ଷୁକୁ ଅନ୍ଧ କରିବା ପାଇଁ କାହା ହସ୍ତରୁ ଲାଞ୍ଚ ନେଇଅଛି ? ମୁଁ ତୁମ୍ଭମାନଙ୍କୁ ତାହା ଫେରାଇ ଦେବି।
\s5
\v 4 ତହିଁରେ ସେମାନେ କହିଲେ, ତୁମ୍ଭେ ଆମ୍ଭମାନଙ୍କର ଅନ୍ୟାୟ କରି ନାହଁ, କି ଆମ୍ଭମାନଙ୍କ ପ୍ରତି ଉପଦ୍ରବ କରି ନାହଁ, କିଅବା ତୁମ୍ଭେ କୌଣସି ଲୋକ ହସ୍ତରୁ କିଛି ନେଇ ନାହଁ।
\v 5 ତେଣୁ ସେ ସେମାନଙ୍କୁ କହିଲେ, ତୁମ୍ଭେମାନେ ମୋହର ହସ୍ତରେ କୌଣସି ଦ୍ରବ୍ୟ ପାଇଲ ନାହିଁ, ଏଥିରେ ଆଜି ସଦାପ୍ରଭୁ ତୁମ୍ଭମାନଙ୍କ ବିରୁଦ୍ଧରେ ସାକ୍ଷୀ ଅଛନ୍ତି ଓ ତାହାଙ୍କର ଅଭିଷିକ୍ତ ବ୍ୟକ୍ତି ସାକ୍ଷୀ ଅଛନ୍ତି; ତହିଁରେ ସେମାନେ କହିଲେ, ସାକ୍ଷୀ ଅଛନ୍ତି।
\s5
\v 6 ତହୁଁ ଶାମୁୟେଲ ଲୋକମାନଙ୍କୁ କହିଲେ, ସେହି ସଦାପ୍ରଭୁ ମୋଶାଙ୍କୁ ଓ ହାରୋଣଙ୍କୁ ନିଯୁକ୍ତ କରିଥିଲେ ଓ ତୁମ୍ଭମାନଙ୍କର ପୂର୍ବପୁରୁଷମାନଙ୍କୁ ମିସର ଦେଶରୁ ବାହାର କରି ଆଣିଥିଲେ।
\v 7 ଏହେତୁ ତୁମ୍ଭେମାନେ ଏହିକ୍ଷଣେ ଛିଡ଼ା ହୁଅ, ତୁମ୍ଭମାନଙ୍କ ପ୍ରତି ଓ ତୁମ୍ଭମାନଙ୍କ ପୂର୍ବପୁରୁଷଗଣ ପ୍ରତି ସଦାପ୍ରଭୁଙ୍କର କୃତ ସମସ୍ତ ଧର୍ମକର୍ମ ବିଷୟ ମୁଁ ସଦାପ୍ରଭୁଙ୍କ ସମ୍ମୁଖରେ ତୁମ୍ଭମାନଙ୍କ ସହିତ ବିବେଚନା କରିବି।
\s5
\v 8 ଯାକୁବ ମିସରକୁ ଆସିଲା ଉତ୍ତାରେ ଯେତେବେଳେ ତୁମ୍ଭମାନଙ୍କର ପୂର୍ବପୁରୁଷମାନେ ସଦାପ୍ରଭୁଙ୍କ ନିକଟରେ କ୍ରନ୍ଦନ କଲେ, ସେତେବେଳେ ସଦାପ୍ରଭୁ ମୋଶାଙ୍କୁ ଓ ହାରୋଣଙ୍କୁ ପଠାଇଲେ; ତହିଁରେ ସେମାନେ ମିସରରୁ ତୁମ୍ଭମାନଙ୍କ ପୂର୍ବପୁରୁଷଗଣକୁ ବାହାର କରି ଆଣିଲେ ଓ ଏହି ସ୍ଥାନରେ ସେମାନଙ୍କୁ ବାସ କରାଇଲେ।
\v 9 ମାତ୍ର ସେମାନେ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କୁ ପାସୋରନ୍ତେ, ସେ ହାସୋରର ସେନାପତି ସୀଷରାର ହସ୍ତରେ ଓ ପଲେଷ୍ଟୀୟମାନଙ୍କ ହସ୍ତରେ ଓ ମୋୟାବର ରାଜା ହସ୍ତରେ ସେମାନଙ୍କୁ ବିକ୍ରୟ କଲେ ଓ ସେମାନେ ସେମାନଙ୍କ ସହିତ ଯୁଦ୍ଧ କଲେ।
\s5
\v 10 ସେତେବେଳେ ସେମାନେ ସଦାପ୍ରଭୁଙ୍କ ନିକଟରେ କ୍ରନ୍ଦନ କରି କହିଲେ, ଆମ୍ଭେମାନେ ପାପ କରିଅଛୁ, ଯେହେତୁ ଆମ୍ଭେମାନେ ସଦାପ୍ରଭୁଙ୍କୁ ତ୍ୟାଗ କରି ବାଲ୍‍ ଦେବଗଣର ଓ ଅଷ୍ଟାରୋତ୍‍ ଦେବୀଗଣର ପୂଜା କରିଅଛୁ; ମାତ୍ର ଏବେ ଆମ୍ଭମାନଙ୍କ ଶତ୍ରୁଗଣ ହସ୍ତରୁ ଆମ୍ଭମାନଙ୍କୁ ରକ୍ଷା କର, ତହିଁରେ ଆମ୍ଭେମାନେ ତୁମ୍ଭର ସେବା କରିବା।
\v 11 ଏଥିଉତ୍ତାରେ ସଦାପ୍ରଭୁ ଯିରୁବ୍ବାଲକୁ
\f +
\fr 12:11
\fq ଯିରୁବ୍ବାଲକୁ
\ft ଅନ୍ୟ ନାମ ଗିଦିୟୋନ
\f* ଓ ବଦାନକୁ
\f +
\fr 12:11
\fq ବଦାନକୁ
\ft ଅନ୍ୟ ନାମ ପରାଖ୍
\f* ଓ ଯିପ୍ତହକୁ ଓ ଶାମୁୟେଲଙ୍କୁ ପଠାଇ ତୁମ୍ଭମାନଙ୍କ ଚତୁର୍ଦ୍ଦିଗସ୍ଥିତ ଶତ୍ରୁମାନଙ୍କ ହସ୍ତରୁ ତୁମ୍ଭମାନଙ୍କୁ ରକ୍ଷା କଲେ, ତହିଁରେ ତୁମ୍ଭେମାନେ ନିର୍ଭୟରେ ବାସ କଲ।
\s5
\v 12 ଏଥିଉତ୍ତାରେ ଯେତେବେଳେ ତୁମ୍ଭେମାନେ ଦେଖିଲ ଯେ, ଅମ୍ମୋନ-ସନ୍ତାନଗଣର ରାଜା ନାହଶ୍‍ ତୁମ୍ଭମାନଙ୍କ ପ୍ରତିକୂଳରେ ବାହାର ହୋଇ ଆସୁଅଛି, ସେତେବେଳେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ତୁମ୍ଭମାନଙ୍କର ରାଜା ଥିଲେ ହେଁ ତୁମ୍ଭେମାନେ ମୋତେ କହିଲ; ନାହିଁ, ମାତ୍ର ଜଣେ ରାଜା ଆମ୍ଭମାନଙ୍କ ଉପରେ ରାଜତ୍ୱ କରିବ।
\v 13 ଏହେତୁ ତୁମ୍ଭେମାନେ ଯାହାକୁ ମନୋନୀତ କଲ ଓ ତୁମ୍ଭେମାନେ ଯାହା ପାଇଁ ପ୍ରାର୍ଥନା କଲ, ତୁମ୍ଭମାନଙ୍କର ସେହି ରାଜାଙ୍କୁ ଏବେ ଦେଖ; ଦେଖ, ସଦାପ୍ରଭୁ ତୁମ୍ଭମାନଙ୍କ ଉପରେ ଏକ ରାଜା ନିଯୁକ୍ତ କଲେ।
\s5
\v 14 ଯେବେ ତୁମ୍ଭେମାନେ ସଦାପ୍ରଭୁଙ୍କୁ ଭୟ କରିବ ଓ ତାହାଙ୍କର ସେବା କରିବ ଓ ତାହାଙ୍କ ରବ ଶୁଣିବ ଓ ସଦାପ୍ରଭୁଙ୍କ ଆଜ୍ଞାର ବିଦ୍ରୋହାଚରଣ ନ କରିବ, ପୁଣି, ତୁମ୍ଭେମାନେ ଓ ମଧ୍ୟ ତୁମ୍ଭମାନଙ୍କ ଉପରେ କର୍ତ୍ତୃତ୍ୱକାରୀ ରାଜା, ଉଭୟ ଯେବେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କର ଅନୁବର୍ତ୍ତୀ ହେବ, ତେବେ ଭଲ;
\v 15 ମାତ୍ର ଯେବେ ତୁମ୍ଭେମାନେ ସଦାପ୍ରଭୁଙ୍କ ରବ ନ ଶୁଣିବ ଓ ସଦାପ୍ରଭୁଙ୍କ ଆଜ୍ଞାର ବିଦ୍ରୋହାଚରଣ କରିବ, ତେବେ ସଦାପ୍ରଭୁଙ୍କ ହସ୍ତ ଯେପରି ତୁମ୍ଭମାନଙ୍କ ପୂର୍ବପୁରୁଷଗଣର ପ୍ରତିକୂଳରେ ଥିଲା, ସେପରି ତୁମ୍ଭମାନଙ୍କ ପ୍ରତିକୂଳରେ ହେବ।
\s5
\v 16 ଏହେତୁ ଏବେ ତୁମ୍ଭେମାନେ ଛିଡ଼ା ହୁଅ ଓ ସଦାପ୍ରଭୁ ତୁମ୍ଭମାନଙ୍କ ସାକ୍ଷାତରେ ଯେଉଁ ମହତ କର୍ମ କରିବେ, ତାହା ଦେଖ।
\v 17 ଆଜି କି ଗହମ କାଟିବା ସମୟ ନୁହେଁ ? ସଦାପ୍ରଭୁ ଯେପରି ମେଘଗର୍ଜ୍ଜନ ଓ ବୃଷ୍ଟି ପଠାଇବେ, ଏଥିପାଇଁ ମୁଁ ତାହାଙ୍କୁ ଡାକିବି; ତହିଁରେ ତୁମ୍ଭେମାନେ ଆପଣାମାନଙ୍କ ପାଇଁ ରାଜା ମାଗି ସଦାପ୍ରଭୁଙ୍କ ଦୃଷ୍ଟିରେ ଯେଉଁ ମନ୍ଦତା କରିଅଛ, ତାହା ଯେ ବଡ଼, ଏହା ତୁମ୍ଭେମାନେ ଜାଣିବ ଓ ଦେଖିବ।
\v 18 ଏଥିରେ ଶାମୁୟେଲ ସଦାପ୍ରଭୁଙ୍କୁ ଡ଼ାକିଲେ, ପୁଣି, ସଦାପ୍ରଭୁ ସେହିଦିନ ମେଘଗର୍ଜ୍ଜନ ଓ ବୃଷ୍ଟି ପଠାଇଲେ; ତହିଁରେ ସମସ୍ତ ଲୋକ ସଦାପ୍ରଭୁଙ୍କୁ ଓ ଶାମୁୟେଲଙ୍କୁ ଅତ୍ୟନ୍ତ ଭୟ କଲେ।
\s5
\v 19 ପୁଣି, ସମସ୍ତ ଲୋକ ଶାମୁୟେଲଙ୍କୁ କହିଲେ, ଆମ୍ଭେମାନେ ଯେପରି ନ ମରୁ, ଏଥିପାଇଁ ତୁମ୍ଭେ ଆପଣା ଦାସମାନଙ୍କ ନିମନ୍ତେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ନିକଟରେ ପ୍ରାର୍ଥନା କର; କାରଣ ଆମ୍ଭେମାନେ ଆପଣାମାନଙ୍କର ସବୁ ପାପ ଉପରେ ଆପଣାମାନଙ୍କ ପାଇଁ ରାଜା ମାଗି ମନ୍ଦତା ବୃଦ୍ଧି କରିଅଛୁ।
\v 20 ଏଥିରେ ଶାମୁୟେଲ ଲୋକମାନଙ୍କୁ କହିଲେ, ଭୟ ନ କର; ତୁମ୍ଭେମାନେ ଏହି ସମସ୍ତ ମନ୍ଦତା କରିଅଛ, ପ୍ରମାଣ; ତଥାପି ସଦାପ୍ରଭୁଙ୍କ ପଶ୍ଚାଦ୍‍ଗମନରୁ ବିମୁଖ ନ ହୁଅ, ମାତ୍ର ଆପଣାମାନଙ୍କ ସମସ୍ତ ଅନ୍ତଃକରଣ ସହିତ ସଦାପ୍ରଭୁଙ୍କର ସେବା କର;
\v 21 ପୁଣି, ତୁମ୍ଭେମାନେ ବିପଥଗାମୀ ନ ହୁଅ; ଯଦି ହୁଅ, ତେବେ ତୁମ୍ଭେମାନେ ଅବସ୍ତୁସକଳର ଅନୁଗାମୀ ହେବ; ସେମାନେ ଉପକାର କି ରକ୍ଷା କରିବାକୁ ଅସମର୍ଥ, ଯେହେତୁ ସେମାନେ ଅବସ୍ତୁ।
\s5
\v 22 ସଦାପ୍ରଭୁ ଆପଣା ମହାନାମ ସକାଶୁ ଆପଣା ଲୋକମାନଙ୍କୁ ତ୍ୟାଗ କରିବେ ନାହିଁ; କାରଣ ତୁମ୍ଭମାନଙ୍କୁ ଆପଣା ଲୋକ କରିବା ପାଇଁ ସଦାପ୍ରଭୁ ସନ୍ତୁଷ୍ଟ ହୋଇଅଛନ୍ତି।
\v 23 ଆହୁରି ମୁଁ ଯେ ତୁମ୍ଭମାନଙ୍କ ନିମନ୍ତେ ପ୍ରାର୍ଥନା କରିବାରୁ ନିବୃତ୍ତ ହୋଇ ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ କରିବି, ଏହା ଦୂରେ ଥାଉ; ମାତ୍ର ମୁଁ ତୁମ୍ଭମାନଙ୍କୁ ଉତ୍ତମ ଓ ସରଳ ପଥ ବିଷୟ ଶିକ୍ଷା କରାଇବି।
\s5
\v 24 କେବଳ ସଦାପ୍ରଭୁଙ୍କୁ ଭୟ କର, ପୁଣି, ସତ୍ୟ ରୂପେ ସମସ୍ତ ଅନ୍ତଃକରଣ ସହିତ ତାହାଙ୍କର ସେବା କର; କାରଣ ଦେଖ, ସେ ତୁମ୍ଭମାନଙ୍କ ନିମନ୍ତେ କିପରି ମହତ କର୍ମମାନ କରିଅଛନ୍ତି।
\v 25 ମାତ୍ର ଯେବେ ତୁମ୍ଭେମାନେ ନିତାନ୍ତ ମନ୍ଦ ଆଚରଣ କରିବ, ତେବେ ତୁମ୍ଭେମାନେ ଓ ତୁମ୍ଭମାନଙ୍କ ରାଜା ଉଭୟ ବିନଷ୍ଟ ହେବ।
\s5
\c 13
\s ପଲେଷ୍ଟୀୟମାନଙ୍କ ବିପକ୍ଷରେ ଯୁଦ୍ଧ
\p
\v 1 ଶାଉଲ ତିରିଶ ବର୍ଷ ବୟସରେ ଇସ୍ରାଏଲ ଉପରେ ରାଜତ୍ୱ କଲେ।
\v 2 ପୁଣି, ଶାଉଲ ଆପଣା ପାଇଁ ଇସ୍ରାଏଲ ମଧ୍ୟରୁ ତିନି ହଜାର ଲୋକ ମନୋନୀତ କଲେ; ଏମାନଙ୍କର ଦୁଇ ହଜାର ମିକ୍‍ମସ୍‍ରେ ଓ ବେଥେଲ୍‍ ପର୍ବତରେ ଶାଉଲଙ୍କ ସଙ୍ଗରେ ରହିଲେ, ଆଉ ଏକ ହଜାର ବିନ୍ୟାମୀନ୍ ପ୍ରଦେଶସ୍ଥ ଗିବୀୟାରେ ଯୋନାଥନ ସଙ୍ଗରେ ରହିଲେ; ପୁଣି, ଅବଶିଷ୍ଟ ଲୋକମାନଙ୍କର ପ୍ରତ୍ୟେକକୁ ସେ ଆପଣା ଆପଣା ତମ୍ବୁକୁ ବିଦାୟ କଲେ।
\s5
\v 3 ଆଉ ଯୋନାଥନ ଗେବାସ୍ଥିତ ପଲେଷ୍ଟୀୟମାନଙ୍କ ପ୍ରହରୀ-ସୈନ୍ୟଦଳକୁ ସଂହାର କରନ୍ତେ, ପଲେଷ୍ଟୀୟମାନେ ତାହା ଶୁଣିଲେ। ସେତେବେଳେ ଶାଉଲ ଦେଶର ସର୍ବତ୍ର ତୂରୀ ବଜାଇ କହିଲେ, ଏବ୍ରୀୟ ଲୋକମାନେ ଶୁଣନ୍ତୁ।
\v 4 ତହୁଁ ଶାଉଲ ଯେ ପଲେଷ୍ଟୀୟମାନଙ୍କ ପ୍ରହରୀ-ସୈନ୍ୟଦଳକୁ ସଂହାର କରିଅଛନ୍ତି ଓ ମଧ୍ୟ ଇସ୍ରାଏଲ ଯେ ପଲେଷ୍ଟୀୟମାନଙ୍କ ନିକଟରେ ଦୁର୍ଗନ୍ଧ ସ୍ୱରୂପ ହୋଇଅଛନ୍ତି, ଏହା ସମୁଦାୟ ଇସ୍ରାଏଲ ଶୁଣିଲେ। ଏଣୁ ଲୋକମାନେ ଶାଉଲଙ୍କ ପାଖରେ ଗିଲ୍‍ଗଲ୍‍ରେ ଏକତ୍ର ହେଲେ।
\s5
\v 5 ଏଉତ୍ତାରେ ଇସ୍ରାଏଲ ସହିତ ଯୁଦ୍ଧ କରିବା ପାଇଁ ପଲେଷ୍ଟୀୟମାନଙ୍କର ତିରିଶ ସହସ୍ର ରଥ ଓ ଛଅ ସହସ୍ର ଅଶ୍ୱାରୋହୀ ଓ ସମୁଦ୍ର ତୀରସ୍ଥ ବାଲୁକାର ନ୍ୟାୟ ଲୋକସମୂହ ଏକତ୍ର ହେଲେ; ସେମାନେ ଆସି ମିକ୍‍ମସ୍‍ରେ ବେଥ୍-ଆବନର ପୂର୍ବ ଦିଗରେ ଛାଉଣି ସ୍ଥାପନ କଲେ।
\s5
\v 6 ଏଣୁ ଇସ୍ରାଏଲ ଲୋକମାନେ ଆପଣାମାନଙ୍କୁ ବିପଦଗ୍ରସ୍ତ ଦେଖିଲେ; (କାରଣ ଲୋକମାନେ ବଡ଼ କଷ୍ଟ ଭୋଗ କଲେ), ଏହେତୁ ଲୋକମାନେ ଗୁମ୍ଫାରେ ଓ କଣ୍ଟାବଣରେ ଓ ଶୈଳରେ ଓ ଦୁର୍ଗମ ସ୍ଥାନରେ ଓ ଗାତରେ ଆପଣାମାନଙ୍କୁ ଲୁଚାଇଲେ।
\v 7 ଏହି ସମୟରେ ଏବ୍ରୀୟମାନଙ୍କର କେତେକ ଲୋକ ଯର୍ଦ୍ଦନ ପାର ହୋଇ ଗାଦ୍‍ ଓ ଗିଲୀୟଦ ଦେଶକୁ ଯାଇଥିଲେ; ମାତ୍ର ଶାଉଲ ଏଯାଏ ଗିଲ୍‍ଗଲ୍‍ରେ ଥିଲେ, ଆଉ ସମସ୍ତ ଲୋକ ଥରଥର ହୋଇ ତାଙ୍କର ପଶ୍ଚାଦ୍‍ଗାମୀ ହେଲେ।
\s ଶାଉଲଙ୍କ ଅଯୋଗ୍ୟ ହୋମବଳି
\p
\s5
\v 8 ଏଉତ୍ତାରେ ଶାମୁୟେଲଙ୍କର ନିରୂପିତ ସମୟାନୁସାରେ ଶାଉଲ ସାତ ଦିନ ବିଳମ୍ବ କଲେ; ମାତ୍ର ଶାମୁୟେଲ ଗିଲ୍‍ଗଲ୍‍କୁ ଆସିଲେ ନାହିଁ; ଏହେତୁ ଲୋକମାନେ ତାଙ୍କ ନିକଟରୁ ଛିନ୍ନଭିନ୍ନ ହେବାକୁ ଲାଗିଲେ।
\v 9 ଏଥିରେ ଶାଉଲ କହିଲେ, ଏଠାରେ ମୋ’ ନିକଟକୁ ସେହି ହୋମବଳି ଓ ସେହି ମଙ୍ଗଳାର୍ଥକ ବଳି ଆଣ। ଆଉ ସେ ହୋମବଳି ଉତ୍ସର୍ଗ କଲେ।
\v 10 ପୁଣି, ସେ ହୋମବଳି ଉତ୍ସର୍ଗ କରିବାର ସମାପ୍ତ କରିବାମାତ୍ରେ ଦେଖ, ଶାମୁୟେଲ ଉପସ୍ଥିତ ହେଲେ; ତହିଁରେ ଶାଉଲ ତାଙ୍କୁ ମଙ୍ଗଳବାଦ କରିବା ପାଇଁ ଭେଟିବାକୁ ଗଲେ।
\s5
\v 11 ଏଥିରେ ଶାମୁୟେଲ କହିଲେ, ତୁମ୍ଭେ କଅଣ କଲ ? ଶାଉଲ ଉତ୍ତର କଲେ, ମୁଁ ଦେଖିଲି, ଯେ ଲୋକମାନେ ମୋ’ ନିକଟରୁ ଛିନ୍ନଭିନ୍ନ ହେଉଅଛନ୍ତି, ପୁଣି, ନିରୂପିତ ଦିବସ ମଧ୍ୟରେ ତୁମ୍ଭେ ଆସିଲ ନାହିଁ, ମଧ୍ୟ ପଲେଷ୍ଟୀୟମାନେ ମିକ୍‍ମସ୍‍ରେ ଏକତ୍ର ହୋଇଅଛନ୍ତି;
\v 12 ଏଥିପାଇଁ ମୁଁ କହିଲି, ପଲେଷ୍ଟୀୟମାନେ ଏହିକ୍ଷଣି ମୋ’ ବିରୁଦ୍ଧରେ ଗିଲ୍‍ଗଲ୍‍କୁ ଓହ୍ଲାଇ ଆସିବେ, ମାତ୍ର ମୁଁ ସଦାପ୍ରଭୁଙ୍କର ଅନୁଗ୍ରହ ମାଗି ନାହିଁ। ଏନିମନ୍ତେ ମୁଁ ସାହସ ବାନ୍ଧି ହୋମବଳି ଉତ୍ସର୍ଗ କଲି।
\s5
\v 13 ତହିଁରେ ଶାମୁୟେଲ ଶାଉଲଙ୍କୁ କହିଲେ, ତୁମ୍ଭେ ମୂର୍ଖର କର୍ମ କରିଅଛ; ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ଯେଉଁ ଆଜ୍ଞା ଦେଇଥିଲେ, ତାହା ତୁମ୍ଭେ ପାଳନ କଲ ନାହିଁ; କରିଥିଲେ ସଦାପ୍ରଭୁ ଇସ୍ରାଏଲ ଉପରେ ତୁମ୍ଭର ରାଜତ୍ୱ ଏବେ ଅନନ୍ତକାଳସ୍ଥାୟୀ କରିଥାଆନ୍ତେ।
\v 14 ମାତ୍ର ଏବେ ତୁମ୍ଭର ରାଜତ୍ୱ ସ୍ଥିର ହେବ ନାହିଁ; ସଦାପ୍ରଭୁ ନିଜ ମନର ମତ ଏକ ଜଣ ଆପଣା ପାଇଁ ଅନ୍ୱେଷଣ କରିଅଛନ୍ତି, ସଦାପ୍ରଭୁ ଆପଣା ଲୋକମାନଙ୍କ ଉପରେ ତାହାକୁ ଅଗ୍ରଣୀ ନିରୂପଣ କରିଅଛନ୍ତି, କାରଣ ସଦାପ୍ରଭୁ ତୁମ୍ଭକୁ ଯାହା ଆଜ୍ଞା କରିଥିଲେ, ତୁମ୍ଭେ ତାହା ପାଳନ କଲ ନାହିଁ।
\s5
\v 15 ଏଥିଉତ୍ତାରେ ଶାମୁୟେଲ ଉଠି ଗିଲ୍‍ଗଲ୍‍ରୁ ବିନ୍ୟାମୀନ୍ ପ୍ରଦେଶସ୍ଥ ଗିବୀୟାକୁ ଗଲେ। ସେତେବେଳେ ଶାଉଲ ଗଣନା କରି ଊଣାଧିକ ଛଅ ଶତ ଲୋକ ଆପଣା ନିକଟରେ ଥିବାର ଦେଖିଲେ।
\v 16 ପୁଣି, ଶାଉଲ ଓ ତାଙ୍କର ପୁତ୍ର ଯୋନାଥନ ଓ ସେମାନଙ୍କ ନିକଟରେ ବର୍ତ୍ତମାନ ଥିବା ଲୋକମାନେ ବିନ୍ୟାମୀନ୍ ପ୍ରଦେଶସ୍ଥ ଗେବାରେ ରହିଲେ; ମାତ୍ର ପଲେଷ୍ଟୀୟମାନେ ମିକ୍‍ମସ୍‍ରେ ଛାଉଣି ସ୍ଥାପନ କଲେ।
\s5
\v 17 ଏଉତ୍ତାରେ ପଲେଷ୍ଟୀୟମାନଙ୍କ ଛାଉଣିରୁ ତିନି ଦଳ ବିନାଶକ ଲୋକ ଆସିଲେ; ଏକ ଦଳ ଅଫ୍ରା ପଥରେ ଗମନ କରି ଶୂୟାଲ ପ୍ରଦେଶକୁ ଗଲେ;
\v 18 ପୁଣି, ଅନ୍ୟ ଏକ ଦଳ ବେଥ୍-ହୋରଣ ପଥ ଆଡ଼େ ଫେରିଲେ; ଆଉ ଅନ୍ୟ ଏକ ଦଳ ପ୍ରାନ୍ତର ଆଡ଼େ ସିବୋୟିମ ଉପତ୍ୟକାର ଅଭିମୁଖସ୍ଥ ଅଞ୍ଚଳର ପଥ ଦେଇ ଗମନ କଲେ।
\s5
\v 19 ସେସମୟରେ ସମସ୍ତ ଇସ୍ରାଏଲ-ଦେଶରେ କମାର ମିଳୁ ନ ଥିଲେ; କାରଣ ପଲେଷ୍ଟୀୟମାନେ କହିଲେ, କେଜାଣି ଏବ୍ରୀୟମାନେ ଆପଣାମାନଙ୍କ ପାଇଁ ଖଡ୍ଗ ବା ବର୍ଚ୍ଛା ନିର୍ମାଣ କରିବେ;
\v 20 ଏଣୁ ଆପଣା ଆପଣା ଫାଳ ଓ ଛୁରୀ ଓ କୁହ୍ରାଡ଼ି ଓ କୋଡ଼ି ପଜାଇବା ପାଇଁ ଇସ୍ରାଏଲର ସମସ୍ତ ଲୋକଙ୍କୁ ପଲେଷ୍ଟୀୟମାନଙ୍କ ନିକଟକୁ ଯିବାର ହେଲା;
\v 21 ତେଣୁ ସମସ୍ତଙ୍କର କୋଡ଼ି ଓ ଛୁରୀ ଓ ବିଦା ଓ କୁହ୍ରାଡ଼ି ଦନ୍ଥଡ଼ା ହୋଇଥାଏ; ମଧ୍ୟ ଅଙ୍କୁଶ ଧାର କରିବା ପାଇଁ ସେମାନଙ୍କର (ପଲେଷ୍ଟୀୟମାନଙ୍କ ନିକଟକୁ ଯିବାର ହେଲା)।
\s5
\v 22 ଏଣୁ ଯୁଦ୍ଧ ସମୟରେ ଶାଉଲ ଓ ଯୋନାଥନର ସଙ୍ଗୀ ଲୋକମାନଙ୍କ କାହାରି ହସ୍ତରେ ଖଡ୍ଗ କି ବର୍ଚ୍ଛା ନ ଥିଲା; କେବଳ ଶାଉଲ ଓ ତାଙ୍କ ପୁତ୍ର ଯୋନାଥନର ହସ୍ତରେ ଥିଲା।
\v 23 ଏଉତ୍ତାରେ ପଲେଷ୍ଟୀୟମାନଙ୍କ ପ୍ରହରୀ ଦଳ ବାହାର ହୋଇ ମିକ୍‍ମସ୍‍ ଘାଟୀକୁ ଗଲେ।
\s5
\c 14
\s ଯୋନାଥନଙ୍କ ସାହସିକ ବିଜୟ
\p
\v 1 ଏକ ଦିନ ଶାଉଲଙ୍କର ପୁତ୍ର ଯୋନାଥନ ଆପଣା ଅସ୍ତ୍ରବାହକ ଯୁବାକୁ କହିଲା, ଆସ, ଆମ୍ଭେମାନେ ସେପାଖସ୍ଥିତ ପଲେଷ୍ଟୀୟମାନଙ୍କ ପ୍ରହରୀଦଳ ନିକଟକୁ ଯାଉ। ମାତ୍ର ସେ ଆପଣା ପିତାକୁ ଏହା ଜଣାଇଲା ନାହିଁ।
\s5
\v 2 ସେସମୟରେ ଶାଉଲ ଗିବୀୟାର ପ୍ରାନ୍ତଭାଗରେ ମିଗ୍ରୋଣସ୍ଥ ଡାଳିମ୍ବ ବୃକ୍ଷ ମୂଳରେ ଥିଲେ; ପୁଣି, ଊଣାଧିକ ଛଅ ଶହ ଲୋକ ତାଙ୍କ ସଙ୍ଗରେ ଥିଲେ;
\v 3 ମଧ୍ୟ ଯେଉଁ ଏଲି ଶୀଲୋରେ ସଦାପ୍ରଭୁଙ୍କ ଯାଜକ ଥିଲେ, ତାଙ୍କ ପ୍ରପୌତ୍ର, ପୀନହସ୍‍ର ପୌତ୍ର, ଐକାବୋଦର ଭ୍ରାତା ଅହୀଟୂବର ପୁତ୍ର ଅହୀୟ ଏଫୋଦ ପିନ୍ଧି ସେଠାରେ ଥିଲା। ଆଉ ଯୋନାଥନ ଯେ ବାହାର ହୋଇ ଯାଇଅଛି, ଏ କଥା ଲୋକମାନେ ଜାଣି ନ ଥିଲେ।
\s5
\v 4 ପୁଣି, ଯୋନାଥନ ଯେଉଁ ଘାଟୀ ଦେଇ ପଲେଷ୍ଟୀୟମାନଙ୍କ ପ୍ରହରୀଦଳ ନିକଟକୁ ଯିବାକୁ ଚେଷ୍ଟା କଲା, ତହିଁର ମଧ୍ୟସ୍ଥଳରେ ଏକପାଖେ ଦନ୍ତାକାର ଏକ ଶୈଳ ଓ ଅନ୍ୟ ପାଖେ ଦନ୍ତାକାର ଏକ ଶୈଳ ଥିଲା; ତହିଁର ଏକର ନାମ ବୋତ୍‍ସେସ ଓ ଅନ୍ୟର ନାମ ସେନି।
\v 5 ତହିଁ ମଧ୍ୟରୁ ଏକ ସ୍ତମ୍ଭାକାର ଦନ୍ତ ଉତ୍ତରଆଡ଼ ମିକ୍‍ମସ୍‍ର ଅଭିମୁଖରେ ଓ ଅନ୍ୟଟି ଦକ୍ଷିଣ ଆଡ଼େ ଗେବା ଅଭିମୁଖରେ ଥିଲା।
\s5
\v 6 ପୁଣି, ଯୋନାଥନ ଆପଣା ଅସ୍ତ୍ରବାହକ ଯୁବାକୁ କହିଲା, ଆସ, ଆମ୍ଭେମାନେ ସେହି ଅସୁନ୍ନତମାନଙ୍କ ପ୍ରହରୀଦଳ ନିକଟକୁ ଯାଉ; ହୋଇପାରେ, ସଦାପ୍ରଭୁ ଆମ୍ଭମାନଙ୍କ ପକ୍ଷରେ କର୍ମ କରିବେ; ଯେହେତୁ ଅନେକ ଦ୍ୱାରା ହେଉ କି ଅଳ୍ପ ଦ୍ୱାରା ହେଉ, ଉଦ୍ଧାର କରିବାରେ ସଦାପ୍ରଭୁଙ୍କର କୌଣସି ପ୍ରତିବନ୍ଧକ ନାହିଁ।
\v 7 ତହିଁରେ ତାହାର ଅସ୍ତ୍ରବାହକ କହିଲା, ତୁମ୍ଭ ମନରେ ଯାହା ଅଛି, ସବୁ କର; ଚାଲ, ଦେଖ ଆମ୍ଭେ ତୁମ୍ଭ ମନ ପରି ତୁମ୍ଭ ସଙ୍ଗରେ ଅଛୁ।
\s5
\v 8 ତେବେ ଯୋନାଥନ କହିଲା, ଦେଖ, ଆମ୍ଭେମାନେ ସେହି ଲୋକମାନଙ୍କ ଆଡ଼କୁ ଯାଇ ସେମାନଙ୍କ ନିକଟରେ ଆପଣାମାନଙ୍କୁ ଦେଖାଇବା।
\v 9 ଯେବେ ସେମାନେ ଆମ୍ଭମାନଙ୍କୁ କହିବେ, ରହିଥାଅ, ଆମ୍ଭେମାନେ ତୁମ୍ଭମାନଙ୍କ କତିକି ଆସିବା; ତେବେ ଆମ୍ଭେମାନେ ଆପଣା ଆପଣା ସ୍ଥାନରେ ଛିଡ଼ା ହୋଇ ରହିବା, ସେମାନଙ୍କ ନିକଟକୁ ଉଠି ଯିବା ନାହିଁ।
\v 10 ମାତ୍ର ଆମ୍ଭମାନଙ୍କ ନିକଟକୁ ଉଠି ଆସ ବୋଲି ଯେବେ ସେମାନେ କହିବେ, ତେବେ ଆମ୍ଭେମାନେ ଉଠି ଯିବା; କାରଣ ସଦାପ୍ରଭୁ ଆମ୍ଭମାନଙ୍କ ହସ୍ତରେ ସେମାନଙ୍କୁ ସମର୍ପଣ କଲେ; ଆଉ, ଏହା ଆମ୍ଭମାନଙ୍କ ପ୍ରତି ଚିହ୍ନ ହେବ।
\s5
\v 11 ତହୁଁ ସେ ଦୁହେଁ ପଲେଷ୍ଟୀୟମାନଙ୍କ ପ୍ରହରୀଦଳ ନିକଟରେ ଆପଣାମାନଙ୍କୁ ଦେଖାଇଲେ; ଏଥିରେ ପଲେଷ୍ଟୀୟମାନେ କହିଲେ, ଏହି ଦେଖ, ଏବ୍ରୀୟ ଲୋକମାନେ ଯେଉଁ ଯେଉଁ ଗାଡ଼ରେ ଲୁଚିଥିଲେ, ସେଠାରୁ ଏବେ ବାହାରି ଆସୁଅଛନ୍ତି।
\v 12 ପୁଣି, ପ୍ରହରୀ ଦଳୀୟ ଲୋକମାନେ ଯୋନାଥନକୁ ଓ ତାହାର ଅସ୍ତ୍ରବାହକକୁ ଉତ୍ତର କରି କହିଲେ, ଆମ୍ଭମାନଙ୍କ କତିକି ଉଠି ଆସ, ଆମ୍ଭେମାନେ ତୁମ୍ଭମାନଙ୍କୁ ଗୋଟିଏ କୌତୁକ ଦେଖାଇବା। ଏଥିରେ ଯୋନାଥନ ଆପଣା ଅସ୍ତ୍ରବାହକକୁ କହିଲା, ମୋ’ ପଛେ ପଛେ ଉଠି ଆସ; କାରଣ ସଦାପ୍ରଭୁ ସେମାନଙ୍କୁ ଇସ୍ରାଏଲ ହସ୍ତରେ ସମର୍ପଣ କଲେଣି।
\s5
\v 13 ଏଥିରେ ଯୋନାଥନ ଆପଣା ହାତ ଓ ଗୋଡ଼ ଦେଇ ଉପରକୁ ଉଠି ଗଲା ଓ ତାହାର ଅସ୍ତ୍ରବାହକ ତାହା ପଛେ ପଛେ ଗଲା; ତହିଁରେ ସେହି ଲୋକମାନେ ଯୋନାଥନର ଆଗେ ଆଗେ ପତିତ ହେଲେ, ପୁଣି, ତାହାର ଅସ୍ତ୍ରବାହକ ତାହାର ପଛେ ପଛେ ବଧ କରିବାକୁ ଲାଗିଲା।
\v 14 ଯୋନାଥନ ଓ ତାହାର ଅସ୍ତ୍ରବାହକର କୃତ ଏହି ପ୍ରଥମ ହତ୍ୟାରେ ପ୍ରାୟ ଅର୍ଦ୍ଧ ଏକର ଭୂମିରେ ଊଣାଧିକ କୋଡ଼ିଏ ଜଣ ହତ ହେଲେ।
\s5
\v 15 ତହିଁରେ କ୍ଷେତ୍ରସ୍ଥିତ ଛାଉଣି ମଧ୍ୟରେ ଓ ସବୁ ଲୋକଙ୍କ ମଧ୍ୟରେ କମ୍ପ ହେଲା; ପ୍ରହରୀଦଳ ଓ ବିନାଶକମାନେ ମଧ୍ୟ କମ୍ପିଲେ ଓ ଭୂମିକମ୍ପ ହେଲା; ଏହିରୂପେ ଘୋରତର ମହାକମ୍ପ ହେଲା।
\s5
\v 16 ସେତେବେଳେ ବିନ୍ୟାମୀନ୍ ପ୍ରଦେଶସ୍ଥ ଗିବୀୟାରେ ଶାଉଲଙ୍କର ପ୍ରହରୀମାନେ ଅନାଇଲେ; ଆଉ ଦେଖ, ଲୋକଗହଳ ଭାଙ୍ଗି ଯାଇ ଏଆଡ଼େ ସେଆଡ଼େ ଯାଉଅଛନ୍ତି।
\v 17 ତେଣୁ ଶାଉଲ ଆପଣା ସଙ୍ଗୀ ଲୋକମାନଙ୍କୁ କହିଲେ, ଏବେ ଗଣନା କରି ଦେଖିଲ, ଆମ୍ଭମାନଙ୍କ ମଧ୍ୟରୁ କିଏ ଯାଇଛି ? ତହିଁରେ ସେମାନେ ଗଣନା କରନ୍ତେ, ଦେଖ, ଯୋନାଥନ ଓ ତାହାର ଅସ୍ତ୍ରବାହକ ନାହାନ୍ତି।
\s5
\v 18 ତହୁଁ ଶାଉଲ ଅହୀୟକୁ କହିଲେ, ପରମେଶ୍ୱରଙ୍କ ସିନ୍ଦୁକ ଏଠାକୁ ଆଣ, କାରଣ, ସେସମୟରେ ପରମେଶ୍ୱରଙ୍କ ସିନ୍ଦୁକ ଇସ୍ରାଏଲ ସନ୍ତାନଗଣ ମଧ୍ୟରେ ସେଠାରେ ଥିଲା।
\v 19 ପୁଣି, ଶାଉଲ ଯାଜକ ସଙ୍ଗେ କଥା କହିବା ବେଳେ ଏପରି ହେଲା ଯେ, ପଲେଷ୍ଟୀୟମାନଙ୍କ ଛାଉଣିରେ ଆହୁରି ଆହୁରି କୋଳାହଳ ବଢ଼ିବାକୁ ଲାଗିଲା; ତହିଁରେ ଶାଉଲ ଯାଜକକୁ କହିଲେ, କର୍ମ ବନ୍ଦ କର।
\s5
\v 20 ତହୁଁ ଶାଉଲ ଓ ତାଙ୍କର ସଙ୍ଗୀ ସମସ୍ତ ଲୋକ ଏକତ୍ର ହୋଇ ଯୁଦ୍ଧଭୂମିକୁ ଗଲେ; ସେତେବେଳେ ଦେଖ, ପ୍ରତ୍ୟେକ ଲୋକର ଖଡ୍ଗ ଆପଣା ସଙ୍ଗୀ ବିରୁଦ୍ଧରେ ଉଠୁଛି ଓ ମହାକୋଳାହଳ ହେଉଅଛି।
\v 21 ଆହୁରି, ଯେଉଁ ଏବ୍ରୀୟମାନେ ଚାରିଆଡ଼ସ୍ଥ ଦେଶରୁ ପଲେଷ୍ଟୀୟମାନଙ୍କ ଛାଉଣିକୁ ଯାଇ ପୂର୍ବ ପରି ସେମାନଙ୍କ ସହିତ ଥିଲେ, ସେମାନେ ମଧ୍ୟ ଶାଉଲ ଓ ଯୋନାଥନ ସହିତ ଥିବା ଇସ୍ରାଏଲ ଲୋକମାନଙ୍କ ସଙ୍ଗୀ ହେବା ପାଇଁ ଫେରି ଆସିଲେ।
\s5
\v 22 ସେହିପରି ଯେଉଁ ଇସ୍ରାଏଲ ଲୋକମାନେ ଇଫ୍ରୟିମର ପର୍ବତମୟ ଦେଶରେ ଲୁଚି ରହିଥିଲେ, ସେସମସ୍ତେ ମଧ୍ୟ ପଲେଷ୍ଟୀୟମାନଙ୍କ ପଳାୟନ ସମ୍ବାଦ ଶୁଣି ଯୁଦ୍ଧସ୍ଥଳରେ ସେମାନଙ୍କ ପଛେ ପଛେ ଦୌଡ଼ି ଲାଗି ରହିଲେ।
\v 23 ଏହିରୂପେ ସଦାପ୍ରଭୁ ସେହିଦିନ ଇସ୍ରାଏଲକୁ ଉଦ୍ଧାର କଲେ ଓ ବେଥ୍-ଆବନର ପାର ପର୍ଯ୍ୟନ୍ତ ଯୁଦ୍ଧ ବ୍ୟାପିଗଲା।
\s ଶାଉଲଙ୍କ ନିର୍ବୋଧ ମାନତ
\p
\s5
\v 24 ପୁଣି, ସେହିଦିନ ଇସ୍ରାଏଲ ଲୋକମାନେ ବଡ଼ କଷ୍ଟ ଭୋଗିଲେ; ତଥାପି ଶାଉଲ ଲୋକମାନଙ୍କୁ ଏହି ଶପଥ କରାଇଲେ, ସନ୍ଧ୍ୟା ପର୍ଯ୍ୟନ୍ତ, ଅର୍ଥାତ୍‍, ମୁଁ ଆପଣା ଶତ୍ରୁଗଣଠାରୁ ପରିଶୋଧ ନେବା ପର୍ଯ୍ୟନ୍ତ ଯେଉଁ ଲୋକ କିଛି ଖାଦ୍ୟ ଭୋଜନ କରେ, ସେ ଶାପଗ୍ରସ୍ତ ହେଉ। ଏହେତୁ ଲୋକମାନଙ୍କର କେହି ଖାଦ୍ୟଦ୍ରବ୍ୟ ଆସ୍ୱାଦନ କଲା ନାହିଁ।
\v 25 ପୁଣି, ସମସ୍ତ ଲୋକମାନେ ବନକୁ ଆସିଲେ; ମୃତ୍ତିକା ଉପରେ ମହୁ ଥିଲା।
\v 26 ଆଉ ଲୋକମାନେ ବନରେ ଉପସ୍ଥିତ ହୁଅନ୍ତେ, ଦେଖ, ଏକ ମହୁର ଝରଣା; ମାତ୍ର କେହି ଆପଣା ମୁହଁକୁ ହାତ ନେଲା ନାହିଁ; କାରଣ ଲୋକମାନେ ସେହି ଶପଥକୁ ଭୟ କଲେ।
\s5
\v 27 ମାତ୍ର ଯୋନାଥନ ଆପଣା ପିତା ଲୋକମାନଙ୍କୁ ଶପଥ କରାଇବା ବେଳେ ଶୁଣି ନ ଥିଲା; ଏହେତୁ ସେ ଆପଣା ହସ୍ତସ୍ଥିତ ଯଷ୍ଟିର ଅଗ୍ରଭାଗ ବଢ଼ାଇ ମହୁଚାକରେ ବୁଡ଼ାଇଲା ଓ ମୁଖକୁ ହସ୍ତ ନେଲା; ତହିଁରେ ତାହାର ଚକ୍ଷୁ ସତେଜ ହେଲା।
\v 28 ସେତେବେଳେ ଲୋକମାନଙ୍କ ମଧ୍ୟରୁ ଜଣେ ଉତ୍ତର କରି କହିଲା, ତୁମ୍ଭ ପିତା ଲୋକମାନଙ୍କୁ ଦୃଢ଼ ରୂପେ ଏହି ଶପଥ କରାଇଅଛନ୍ତି ଯେ, ଆଜି ଯେଉଁ ଜନ ଖାଦ୍ୟ ଭୋଜନ କରେ, ସେ ଶାପଗ୍ରସ୍ତ ହେଉ। ମାତ୍ର ଲୋକମାନେ କ୍ଳାନ୍ତ ହୋଇଅଛନ୍ତି।
\s5
\v 29 ତହିଁରେ ଯୋନାଥନ କହିଲା, ମୋ’ ପିତା ଦେଶକୁ ଦୁଃଖ ଦେଇଅଛନ୍ତି; ଦେଖିଲ, ଏହି ମହୁରୁ ଟିକିଏ ଆସ୍ୱାଦ କରିବାରୁ ମୋର ଚକ୍ଷୁ କିପରି ସତେଜ ହୋଇଅଛି !
\v 30 ଯେବେ ଲୋକମାନେ ଆପଣା ଶତ୍ରୁମାନଙ୍କଠାରୁ ପ୍ରାପ୍ତ ଲୁଟଦ୍ରବ୍ୟରୁ ଆଜି ସ୍ୱଚ୍ଛନ୍ଦରେ ଭୋଜନ କରିବାକୁ ପାଇଥାଆନ୍ତେ, ତେବେ କେତେ ଅଧିକ ଭଲ ହୁଅନ୍ତା ? କାରଣ ଏବେ ତ ପଲେଷ୍ଟୀୟମାନଙ୍କ ମଧ୍ୟରେ କୌଣସି ମହାହତ୍ୟା ହୋଇ ନାହିଁ।
\s5
\v 31 ପୁଣି, ସେଦିନ ସେମାନେ ମିକ୍‍ମସ୍‍ଠାରୁ ଅୟାଲୋନ ପର୍ଯ୍ୟନ୍ତ ପଲେଷ୍ଟୀୟମାନଙ୍କୁ ଆଘାତ କଲେ; ତହିଁରେ ଲୋକମାନେ ଅତିଶୟ କ୍ଳାନ୍ତ ହେଲେ।
\v 32 ଏହେତୁ ଲୋକମାନେ ଲୁଟଦ୍ରବ୍ୟ ଉପରେ ଉଡ଼ି ପଡ଼ିଲେ, ପୁଣି, ମେଣ୍ଢା, ଗୋରୁ ଓ ବାଛୁରି ନେଇ ଭୂମିରେ ବଧ କଲେ; ତହୁଁ ସେମାନେ ରକ୍ତ ସମେତ ତାହା ଭୋଜନ କଲେ।
\s5
\v 33 ଏଥିରେ କେହି କେହି ଶାଉଲଙ୍କୁ କହିଲେ, ଦେଖନ୍ତୁ, ଲୋକମାନେ ରକ୍ତ ସମେତ ଭୋଜନ କରି ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ କରୁଅଛନ୍ତି। ତହିଁରେ ସେ କହିଲେ, ତୁମ୍ଭେମାନେ ବିଶ୍ୱାସଘାତକ କର୍ମ କରିଅଛ; ଏହିକ୍ଷଣେ ମୋହର ପାଖକୁ ଗୋଟିଏ ବଡ଼ ପଥର ଗଡ଼ାଇ ଆଣ।
\v 34 ଆହୁରି ଶାଉଲ କହିଲେ, ତୁମ୍ଭେମାନେ ଲୋକମାନଙ୍କ ମଧ୍ୟରେ ଛିନ୍ନଭିନ୍ନ ହୋଇ ଯାଇ ସେମାନଙ୍କୁ କୁହ, ତୁମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା ଗୋରୁ ଓ ଆପଣା ଆପଣା ମେଷ ଏଠାକୁ ମୋ’ କତିକି ଆଣି ବଧ କରି ଭୋଜନ କର; ମାତ୍ର ରକ୍ତ ସମେତ ମାଂସ ଭୋଜନ କରି ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ ନ କର। ତହିଁରେ ସେହି ରାତ୍ରି ସମସ୍ତ ଲୋକ ପ୍ରତ୍ୟେକେ ଆପଣା ଆପଣା ଗୋରୁ ସଙ୍ଗରେ ଆଣି ସେଠାରେ ବଧ କଲେ।
\s5
\v 35 ପୁଣି, ଶାଉଲ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ଯଜ୍ଞବେଦି ନିର୍ମାଣ କଲେ; ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତାଙ୍କର ନିର୍ମିତ ପ୍ରଥମ ଯଜ୍ଞବେଦି ଏହି।
\s5
\v 36 ଏଉତ୍ତାରେ ଶାଉଲ କହିଲେ, ଆସ, ଆମ୍ଭେମାନେ ରାତ୍ରି ବେଳେ ପଲେଷ୍ଟୀୟମାନଙ୍କ ପଛେ ପଛେ ଯାଇ ସକାଳ ଆଲୁଅ ପର୍ଯ୍ୟନ୍ତ ସେମାନଙ୍କ ଦ୍ରବ୍ୟ ଲୁଟୁ ଓ ସେମାନଙ୍କର ଜଣକୁ ହିଁ ବାକି ନ ରଖୁ। ତହିଁରେ ସେମାନେ କହିଲେ, ତୁମ୍ଭ ଦୃଷ୍ଟିରେ ଯାହା ଭଲ, ତାହା ସବୁ କର। ତେବେ ଯାଜକ କହିଲା, ଆସ, ଆମ୍ଭେମାନେ ଏହି ସ୍ଥାନରେ ପରମେଶ୍ୱରଙ୍କ ନିକଟରେ ଉପସ୍ଥିତ ହେଉ।
\v 37 ତହୁଁ ଶାଉଲ ପରମେଶ୍ୱରଙ୍କ ନିକଟରେ ପଚାରିଲେ, ମୁଁ କ’ଣ ପଲେଷ୍ଟୀୟମାନଙ୍କ ପଛରେ ଯିବି ? ତୁମ୍ଭେ କ’ଣ ସେମାନଙ୍କୁ ଇସ୍ରାଏଲ ହସ୍ତରେ ସମର୍ପଣ କରିବ ? ମାତ୍ର ସେଦିନ ସେ ତାଙ୍କୁ ଉତ୍ତର ଦେଲେ ନାହିଁ।
\s5
\v 38 ତହିଁରେ ଶାଉଲ କହିଲେ, ହେ ଲୋକମାନଙ୍କ ପ୍ରଧାନ ସମସ୍ତେ, ତୁମ୍ଭେମାନେ ଏହି ସ୍ଥାନରେ ଉପସ୍ଥିତ ହୁଅ; ଆଜିର ଏହି ପାପ କିପରି ହେଲା, ଏହା ବିବେଚନା କରି ଦେଖ।
\v 39 କାରଣ ଯେ ଇସ୍ରାଏଲକୁ ଉଦ୍ଧାର କରନ୍ତି, ମୁଁ ସେହି ଜୀବିତ ସଦାପ୍ରଭୁଙ୍କ ନାମ ନେଇ କହୁଅଛି, ଯେବେ ସେ ପାପ ମୋହର ପୁତ୍ର ଯୋନାଥନଠାରେ ଥାଏ, ତେବେ ସେ ନିତାନ୍ତ ମରିବ। ମାତ୍ର ସମୁଦାୟ ଲୋକଙ୍କ ମଧ୍ୟରୁ କେହି ତାଙ୍କୁ ଉତ୍ତର ଦେଲା ନାହିଁ।
\s5
\v 40 ଏଥିରେ ଶାଉଲ ସମସ୍ତ ଇସ୍ରାଏଲଙ୍କୁ କହିଲେ, ତୁମ୍ଭେମାନେ ଏକ ପାଖରେ ଥାଅ, ପୁଣି, ମୁଁ ଓ ମୋର ପୁତ୍ର ଯୋନାଥନ ଅନ୍ୟ ପାଖରେ ଥିବା। ତହିଁରେ ଲୋକମାନେ ଶାଉଲଙ୍କୁ କହିଲେ, ତୁମ୍ଭ ଦୃଷ୍ଟିରେ ଯାହା ଭଲ, ତାହା କର।
\v 41 ଏନିମନ୍ତେ ଶାଉଲ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କୁ କହିଲେ, ଯଥାର୍ଥ (ନିଷ୍ପତ୍ତି) ଦିଅ। ତହିଁରେ ଯୋନାଥନ ଓ ଶାଉଲ ନିର୍ଣ୍ଣିତ ହେଲେ; ମାତ୍ର ଲୋକମାନେ ଛାଡ଼ ପାଇଲେ।
\v 42 ଏଉତ୍ତାରେ ଶାଉଲ କହିଲେ, ମୋହର ଓ ମୋର ପୁତ୍ର ଯୋନାଥନର ମଧ୍ୟରେ ଗୁଲିବାଣ୍ଟ କର, ତହିଁରେ ଯୋନାଥନ ନିର୍ଣ୍ଣିତ ହେଲା।
\s5
\v 43 ସେତେବେଳେ ଶାଉଲ ଯୋନାଥନକୁ କହିଲେ, ତୁମ୍ଭେ କଅଣ କରିଅଛ, ମୋତେ ଜଣାଅ। ତହିଁରେ ଯୋନାଥନ ତାଙ୍କୁ ଜଣାଇ କହିଲା, ମୁଁ ଆପଣା ହାତରେ ଥିବା ଯଷ୍ଟିର ଅଗ୍ରଭାଗରେ ଅଳ୍ପ ମହୁ ନେଇ ଆସ୍ୱାଦନ କରିଅଛି ପ୍ରମାଣ; ଆଉ ଦେଖନ୍ତୁ, ମୁଁ ମରିବି।
\v 44 ତେବେ ଶାଉଲ କହିଲେ, ପରମେଶ୍ୱର ସେହି ଦଣ୍ଡ, ମଧ୍ୟ ତହିଁରୁ ଅଧିକ ଦେଉନ୍ତୁ; ଯୋନାଥନ, ତୁମ୍ଭେ ନିତାନ୍ତ ମରିବ।
\s5
\v 45 ଏଥିରେ ଲୋକମାନେ ଶାଉଲଙ୍କୁ କହିଲେ, ଇସ୍ରାଏଲ ମଧ୍ୟରେ ଯେ ଏହି ମହାଉଦ୍ଧାର ସାଧନ କରିଅଛି, ସେହି ଯୋନାଥନ କ’ଣ ମରିବ ? ଏହା ଦୂରେ ଥାଉ; ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ତାହାର ମସ୍ତକର ଗୋଟିଏ କେଶ ହିଁ ତଳେ ପଡ଼ିବ ନାହିଁ; କାରଣ, ସେ ଆଜି ପରମେଶ୍ୱରଙ୍କ ସହିତ କର୍ମ କରିଅଛି; ଏହିରୂପେ ଲୋକମାନେ ଯୋନାଥନକୁ ମୁକ୍ତ କରିବାରୁ ତାହାର ମୃତ୍ୟୁୁ ହେଲା ନାହିଁ।
\v 46 ଏଉତ୍ତାରେ ଶାଉଲ ପଲେଷ୍ଟୀୟମାନଙ୍କ ପଶ୍ଚାଦ୍‍ଗମନରୁ ଫେରିଗଲେ ଓ ପଲେଷ୍ଟୀୟମାନେ ଆପଣା ଆପଣା ସ୍ଥାନକୁ ଗଲେ।
\s ଶାଉଲଙ୍କ ରାଜତ୍ୱ ଓ ତାଙ୍କ ପରିବାର
\p
\s5
\v 47 ଶାଉଲ ଇସ୍ରାଏଲର ରାଜତ୍ୱ ଗ୍ରହଣ କଲା ଉତ୍ତାରେ, ସେ ଆପଣା ଚତୁର୍ଦ୍ଦିଗସ୍ଥିତ ସମସ୍ତ ଶତ୍ରୁ ସହିତ, ଅର୍ଥାତ୍‍, ମୋୟାବ ଓ ଅମ୍ମୋନ-ସନ୍ତାନଗଣ ଓ ଇଦୋମ ଓ ସୋବାର ରାଜାଗଣ ଓ ପଲେଷ୍ଟୀୟମାନଙ୍କ ସହିତ ଯୁଦ୍ଧ କଲେ, ଆଉ ସେ ଯେଉଁଆଡ଼େ ଫେରିଲେ, ସେଆଡ଼େ ଦଣ୍ଡ ଦେଲେ।
\v 48 ପୁଣି, ସେ ବୀରତ୍ୱ ପ୍ରକାଶ କଲେ ଓ ଅମାଲେକୀୟମାନଙ୍କୁ ସଂହାର କଲେ ଓ ଇସ୍ରାଏଲର ଲୁଟକାରୀମାନଙ୍କ ହସ୍ତରୁ ସେମାନଙ୍କୁ ରକ୍ଷା କଲେ।
\s5
\v 49 ଯୋନାଥନ ଓ ଯିଶ୍‍ବି ଓ ମଲ୍‍କୀଶୂୟ ଶାଉଲଙ୍କର ପୁତ୍ର ଥିଲେ; ଆଉ ତାଙ୍କର ଦୁଇ କନ୍ୟାର ନାମ ଏହି; ଜ୍ୟେଷ୍ଠାର ନାମ ମେରବ୍‍ ଓ କନିଷ୍ଠାର ନାମ ମୀଖଲ,
\v 50 ଶାଉଲଙ୍କର ଭାର୍ଯ୍ୟାର ନାମ ଅହୀନୋୟମ୍‍, ସେ ଅହୀମାସର କନ୍ୟା; ପୁଣି, ତାଙ୍କର ସେନାପତିର ନାମ ଅବ୍‍ନର, ସେ ଶାଉଲଙ୍କର ପିତୃବ୍ୟ, ନେର୍‍ର ପୁତ୍ର।
\v 51 ଆଉ ଶାଉଲଙ୍କର ପିତା କୀଶ୍‍ ଓ ଅବ୍‍ନରର ପିତା ନେର୍‍, ଏ ଦୁହେଁ ଅବୀୟେଲର ପୁତ୍ର ଥିଲେ।
\s5
\v 52 ଶାଉଲଙ୍କର ଯାବଜ୍ଜୀବନ ପଲେଷ୍ଟୀୟମାନଙ୍କ ସହିତ ଘୋରତର ଯୁଦ୍ଧ ହେଲା; ଏହେତୁ ଶାଉଲ କୌଣସି ବୀର କି କୌଣସି ବିକ୍ରମଶାଳୀ ପୁରୁଷ ଦେଖିଲେ, ତାହାକୁ ଆପଣା ନିକଟରେ ସଂଗ୍ରହ କଲେ।
\s5
\c 15
\s ଅମାଲେକୀୟମାନଙ୍କ ବିରୁଦ୍ଧରେ ଯୁଦ୍ଧ
\p
\v 1 ଏଥିଉତ୍ତାରେ ଶାମୁୟେଲ ଶାଉଲଙ୍କୁ କହିଲେ, ସଦାପ୍ରଭୁ ଆପଣା ଲୋକ ଇସ୍ରାଏଲ ଉପରେ ତୁମ୍ଭକୁ ରାଜପଦରେ ଅଭିଷେକ କରିବା ପାଇଁ ମୋତେ ପଠାଇଥିଲେ; ଏଣୁ ଏବେ ତୁମ୍ଭେ ସଦାପ୍ରଭୁଙ୍କ ବାକ୍ୟର ରବ ଶୁଣ।
\v 2 ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ଇସ୍ରାଏଲ ମିସରରୁ ବାହାରି ଆସିବା ବେଳେ ପଥ ମଧ୍ୟରେ ଅମାଲେକ ତାହା ବିରୁଦ୍ଧରେ ଉଠି ତାହା ପ୍ରତି ଯାହା କରିଥିଲା, ଆମ୍ଭେ ତହିଁର ତତ୍ତ୍ୱାନୁସନ୍ଧାନ କରିଅଛୁ।
\v 3 ଏବେ ତୁମ୍ଭେ ଯାଇ ଅମାଲେକକୁ ଆଘାତ କର ଓ ସେମାନଙ୍କର ସର୍ବସ୍ୱ ସମ୍ପୂର୍ଣ୍ଣ ରୂପେ ବିନାଶ କର ଓ ସେମାନଙ୍କୁ ଦୟା କର ନାହିଁ; ମାତ୍ର ପୁରୁଷଠାରୁ ସ୍ତ୍ରୀ ପର୍ଯ୍ୟନ୍ତ, ବାଳକଠାରୁ ସ୍ତନ୍ୟପାୟୀ ଶିଶୁ ପର୍ଯ୍ୟନ୍ତ, ଗୋରୁଠାରୁ ମେଷ ପର୍ଯ୍ୟନ୍ତ, ଓଟଠାରୁ ଗଧ ପର୍ଯ୍ୟନ୍ତ ସମସ୍ତଙ୍କୁ ବଧ କର।
\s5
\v 4 ଏଥିଉତ୍ତାରେ ଶାଉଲ ଲୋକମାନଙ୍କୁ ଡକାଇ ଟଲାୟୀମରେ ସେମାନଙ୍କର ଗଣନା କଲେ, ତହିଁରେ ଦୁଇ ଲକ୍ଷ ପଦାତିକ ଓ ଯିହୁଦାର ଦଶ ସହସ୍ର ଲୋକ ହେଲେ,
\v 5 ତହୁଁ ଶାଉଲ ଅମାଲେକ ନଗରକୁ ଆସି ଉପତ୍ୟକାରେ ଛକି ବସିଲେ।
\s5
\v 6 ପୁଣି, ଶାଉଲ କେନୀୟମାନଙ୍କୁ କହିଲେ, ଯାଅ, ଚାଲିଯାଅ, ଅମାଲେକୀୟମାନଙ୍କ ମଧ୍ୟରୁ ବାହାର ହୁଅ, କେଜାଣି ମୁଁ ସେମାନଙ୍କ ସହିତ ତୁମ୍ଭମାନଙ୍କୁ ବିନାଶ କରିବି; କାରଣ ମିସରରୁ ଇସ୍ରାଏଲ ସନ୍ତାନମାନେ ବାହାରି ଆସିବା ବେଳେ, ତୁମ୍ଭେମାନେ ସେସମସ୍ତଙ୍କ ପ୍ରତି ଦୟା କରିଥିଲ। ତହିଁରେ କେନୀୟମାନେ ଅମାଲେକୀୟମାନଙ୍କ ମଧ୍ୟରୁ ବାହାରି ଗଲେ।
\v 7 ଏଉତ୍ତାରେ ଶାଉଲ ହବୀଲାଠାରୁ ମିସର ସମ୍ମୁଖସ୍ଥ ଶୂରର ନିକଟ ପର୍ଯ୍ୟନ୍ତ ଅମାଲେକୀୟମାନଙ୍କୁ ଆଘାତ କଲେ।
\s5
\v 8 ପୁଣି, ସେ ଅମାଲେକୀୟମାନଙ୍କ ରାଜା ଅଗାଗକୁ ଜିଅନ୍ତା ଧରିଲେ ଓ ଲୋକ ସମସ୍ତଙ୍କୁ ଖଡ୍ଗଧାରରେ ସମ୍ପୂର୍ଣ୍ଣ ରୂପେ ବିନାଶ କଲେ।
\v 9 ମାତ୍ର ଶାଉଲ ଓ ଲୋକମାନେ ଅଗାଗ ପ୍ରତି ଓ ଉତ୍ତମ ଉତ୍ତମ ମେଷ ଓ ଗୋରୁ ପ୍ରତି ଓ ହୃଷ୍ଟପୁଷ୍ଟ ବାଛୁରି ଓ ମେଷଛୁଆ ପ୍ରତି ଓ ଯାବତୀୟ ଉତ୍ତମ ବସ୍ତୁ ପ୍ରତି ଦୟା କରି ସେମାନଙ୍କୁ ସମ୍ପୂର୍ଣ୍ଣ ରୂପେ ବିନାଶ କଲେ ନାହିଁ; ମାତ୍ର ଯାହା କିଛି ତୁଚ୍ଛ ଓ ରୋଗା ଥିଲା, ତାହା ସେମାନେ ବର୍ଜିତ ରୂପେ ବିନାଶ କଲେ।
\s ଶାଉଲ ପରମେଶ୍ୱରଙ୍କ ଦ୍ୱାରା ଅଗ୍ରାହ୍ୟ
\p
\s5
\v 10 ଏଉତ୍ତାରେ ଶାମୁୟେଲଙ୍କ ପ୍ରତି ସଦାପ୍ରଭୁଙ୍କର ବାକ୍ୟ ଉପସ୍ଥିତ ହେଲା, ଯଥା;
\v 11 ଆମ୍ଭେ ଯେ ଶାଉଲକୁ ରାଜା କଲୁ, ଏଥିପାଇଁ ଆମ୍ଭେ ଦୁଃଖିତ; କାରଣ ସେ ଆମ୍ଭଠାରୁ ବିମୁଖ ହୋଇଅଛି ଓ ଆମ୍ଭର ବାକ୍ୟ ସଫଳ କରି ନାହିଁ। ଏଥିରେ ଶାମୁୟେଲ କ୍ରୁଦ୍ଧ ହେଲେ, ତଥାପି ସମସ୍ତ ରାତ୍ରି ସଦାପ୍ରଭୁଙ୍କ ନିକଟରେ କ୍ରନ୍ଦନ କଲେ।
\s5
\v 12 ପୁଣି, ଶାମୁୟେଲ ଶାଉଲଙ୍କ ସହିତ ପ୍ରଭାତରେ ସାକ୍ଷାତ କରିବା ପାଇଁ ଶୀଘ୍ର ଉଠିଲେ, ତହୁଁ ଶାମୁୟେଲଙ୍କୁ ଏହି ସମ୍ବାଦ ଦିଆଗଲା ଯେ, ଶାଉଲ କର୍ମିଲକୁ ଆସିଥିଲେ, ଆଉ ଦେଖ, ସେ ଆପଣା ପାଇଁ ଜୟସ୍ତମ୍ଭ ସ୍ଥାପନ କରି ସେଠାରୁ ଫେରି, ପ୍ରସ୍ଥାନ କରି ଗିଲ୍‍ଗଲ୍‍କୁ ବାହାରି ଯାଇଅଛନ୍ତି।
\v 13 ଏଥିରେ ଶାମୁୟେଲ ଶାଉଲଙ୍କ ନିକଟକୁ ଗଲେ; ପୁଣି, ଶାଉଲ ତାଙ୍କୁ କହିଲେ, ତୁମ୍ଭେ ସଦାପ୍ରଭୁଙ୍କ ଆଶୀର୍ବାଦପାତ୍ର, ମୁଁ ସଦାପ୍ରଭୁଙ୍କ ବାକ୍ୟ ସଫଳ କରିଅଛି।
\s5
\v 14 ତହିଁରେ ଶାମୁୟେଲ କହିଲେ, ତେବେ ମୋ’ କର୍ଣ୍ଣରେ ଯେ ମେଷରବ ହେଉଛି ଓ ମୁଁ ଯେ ଗୋରୁ-ରବ ଶୁଣୁଛି, ଏଥିର ଅର୍ଥ କଅଣ ?
\v 15 ତହୁଁ ଶାଉଲ କହିଲେ, ସେମାନେ ଅମାଲେକୀୟମାନଙ୍କଠାରୁ ସେସବୁ ଆଣିଛନ୍ତି; କାରଣ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ବଳିଦାନ କରିବା ନିମନ୍ତେ ଲୋକମାନେ ଉତ୍ତମ ଉତ୍ତମ ମେଷ ଓ ଗୋରୁ ପ୍ରତି ଦୟା କଲେ; ମାତ୍ର ଅବଶିଷ୍ଟ ସକଳକୁ ଆମ୍ଭେମାନେ ସମ୍ପୂର୍ଣ୍ଣ ରୂପେ ବିନାଶ କରିଅଛୁ।
\v 16 ସେତେବେଳେ ଶାମୁୟେଲ ଶାଉଲଙ୍କୁ କହିଲେ, ତାହା ଛାଡ଼, ସଦାପ୍ରଭୁ ଆଜି ରାତ୍ରିରେ ମୋତେ ଯାହା କହିଅଛନ୍ତି , ତାହା ମୁଁ ତୁମ୍ଭକୁ ଜଣାଇବି। ଏଥିରେ ସେ କହିଲେ, କୁହ।
\s5
\v 17 ତେଣୁ ଶାମୁୟେଲ କହିଲେ, କୁହ ଦେଖି, ତୁମ୍ଭେ ଆପଣା ଦୃଷ୍ଟିରେ କ୍ଷୁଦ୍ର ହେଲେ ହେଁ କି ଇସ୍ରାଏଲ ବଂଶସମୂହର ମସ୍ତକ ହୋଇ ନାହଁ ? ପୁଣି, ସଦାପ୍ରଭୁ ତୁମ୍ଭକୁ ଇସ୍ରାଏଲ ଉପରେ ରାଜା କରି ଅଭିଷିକ୍ତ କଲେ;
\v 18 ଆଉ ସଦାପ୍ରଭୁ ତୁମ୍ଭକୁ ଯୁଦ୍ଧ ଯାତ୍ରାରେ ପଠାଇ କହିଲେ, ଯାଅ, ସେହି ଅମାଲେକୀୟ ପାପୀମାନଙ୍କୁ ସମ୍ପୂର୍ଣ୍ଣ ରୂପେ ବିନାଶ କର, ଆଉ ସେମାନେ ନିଃଶେଷରେ ଉଚ୍ଛିନ୍ନ ହେବା ପର୍ଯ୍ୟନ୍ତ ସେମାନଙ୍କ ସଙ୍ଗେ ଯୁଦ୍ଧ କର।
\v 19 ଏଣୁ ତୁମ୍ଭେ କାହିଁକି ସଦାପ୍ରଭୁଙ୍କ ରବ ଶୁଣିଲ ନାହିଁ, ମାତ୍ର ଲୁଟଦ୍ରବ୍ୟ ଉପରେ ଉଡ଼ି ପଡ଼ିଲ ଓ ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହା ମନ୍ଦ, ତାହା କଲ ?
\s5
\v 20 ଏଥିରେ ଶାଉଲ ଶାମୁୟେଲଙ୍କୁ କହିଲେ, ମୁଁ ସଦାପ୍ରଭୁଙ୍କ ରବ ଶୁଣିଲି ଓ ସଦାପ୍ରଭୁ ମୋତେ ଯେଉଁ ଯାତ୍ରା କରିବାକୁ ପଠାଇଲେ, ତାହା କଲି ଓ ଅମାଲେକର ରାଜା ଅଗାଗକୁ ଆଣିଲି, ପୁଣି, ଅମାଲେକୀୟମାନଙ୍କୁ ସମ୍ପୂର୍ଣ୍ଣ ରୂପେ ବିନାଶ କଲି।
\v 21 ମାତ୍ର ଲୋକମାନେ ଗିଲ୍‍ଗଲ୍‍ରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ବଳିଦାନ କରିବା ପାଇଁ ବିନାଶାର୍ଥେ ବର୍ଜିତ ଦ୍ରବ୍ୟ ମଧ୍ୟରୁ ଲୁଟ ରୂପେ ଉତ୍ତମ ଉତ୍ତମ ମେଷ ଓ ଗୋରୁ ନେଲେ।
\s5
\v 22 ତହିଁରେ ଶାମୁୟେଲ କହିଲେ, ଯେପରି ସଦାପ୍ରଭୁଙ୍କ ରବ ଶୁଣିବାରେ, ସେପରି କି ହୋମ ଓ ବଳିଦାନରେ ସଦାପ୍ରଭୁଙ୍କର ସନ୍ତୋଷ ହୁଏ ? ଦେଖ, ଶୁଣିବା ବଳିଦାନଠାରୁ ଓ ମନୋଯୋଗୀ ହେବା ମେଷମେଦଠାରୁ ଉତ୍ତମ।
\v 23 ଯେହେତୁ ବିଦ୍ରୋହ ମନ୍ତ୍ରପାଠ ପାପ ତୁଲ୍ୟ ଓ ଅବାଧ୍ୟତା ଅବସ୍ତୁର ଓ ଠାକୁରମାନର ପୂଜା ତୁଲ୍ୟ। ତୁମ୍ଭେ ସଦାପ୍ରଭୁଙ୍କ ବାକ୍ୟ ତୁଚ୍ଛ କରିଅଛ, ଏଥିପାଇଁ ସେ ମଧ୍ୟ ତୁମ୍ଭକୁ ରାଜା ହୋଇ ଥିବା ପାଇଁ ତୁଚ୍ଛ କରିଅଛନ୍ତି।
\s5
\v 24 ଏଥିରେ ଶାଉଲ ଶାମୁୟେଲଙ୍କୁ କହିଲେ, ମୁଁ ପାପ କରିଅଛି; କାରଣ ମୁଁ ସଦାପ୍ରଭୁଙ୍କର ଆଜ୍ଞା ଓ ତୁମ୍ଭ ବାକ୍ୟ ଲଙ୍ଘନ କରିଅଛି; ମୁଁ ଲୋକମାନଙ୍କୁ ଭୟ କରି ସେମାନଙ୍କ ରବ ଶୁଣିଲି।
\v 25 ଏହେତୁ ବିନୟ କରୁଅଛି, ଏବେ ମୋ’ ପାପ କ୍ଷମା କର ଓ ମୁଁ ଯେପରି ସଦାପ୍ରଭୁଙ୍କ ନିକଟରେ ପ୍ରଣାମ କରିବି, ଏଥିପାଇଁ ମୋ’ ସଙ୍ଗେ ଫେରି ଆସ।
\s5
\v 26 ତହିଁରେ ଶାମୁୟେଲ ଶାଉଲଙ୍କୁ କହିଲେ, ମୁଁ ତୁମ୍ଭ ସଙ୍ଗେ ଫେରି ଯିବି ନାହିଁ; କାରଣ ତୁମ୍ଭେ ସଦାପ୍ରଭୁଙ୍କ ବାକ୍ୟ ତୁଚ୍ଛ କରିଅଛ ଓ ସଦାପ୍ରଭୁ ତୁମ୍ଭକୁ ଇସ୍ରାଏଲ ଉପରେ ରାଜା ହୋଇ ଥିବା ପାଇଁ ତୁଚ୍ଛ କରିଅଛନ୍ତି।
\v 27 ଏଥିରେ ଶାଉଲଙ୍କୁ ଚାଲି ଯିବା ପାଇଁ ମୁଖ ଫେରାନ୍ତେ, ସେ ତାଙ୍କ ଚୋଗାର ଅଞ୍ଚଳ ଧରି ଟାଣିଲେ, ତହିଁରେ ତାହା ଚିରିଗଲା।
\s5
\v 28 ଏଣୁ ଶାମୁୟେଲ ତାଙ୍କୁ କହିଲେ, ସଦାପ୍ରଭୁ ଆଜି ତୁମ୍ଭଠାରୁ ଇସ୍ରାଏଲର ରାଜତ୍ୱ ଟାଣି ଚିରିଲେ ଓ ତୁମ୍ଭଠାରୁ ଉତ୍ତମ ତୁମ୍ଭର ଏକ ପ୍ରତିବାସୀକି ତାହା ଦେଲେ।
\v 29 ଆହୁରି ଇସ୍ରାଏଲର ବିଶ୍ୱାସ-ଭୂମି ମିଥ୍ୟା କହିବେ ନାହିଁ, କି ମତ ପରିବର୍ତ୍ତନ କରିବେ ନାହିଁ; କାରଣ ସେ ମନୁଷ୍ୟ ନୁହନ୍ତି ଯେ, ସେ ଦ୍ୱିମତ ହେବେ।
\s5
\v 30 ତେବେ ସେ କହିଲେ, ଆମ୍ଭେ ପାପ କରିଅଛୁ; ତଥାପି ଏବେ ମୋହର ଲୋକମାନଙ୍କ ପ୍ରାଚୀନବର୍ଗ ଓ ଇସ୍ରାଏଲ ସମ୍ମୁଖରେ ମୋହର ଗୌରବ ରଖ ଓ ମୁଁ ଯେପରି ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ନିକଟରେ ପ୍ରଣାମ କରିବି, ଏଥିପାଇଁ ମୋ’ ସଙ୍ଗେ ଫେରି ଆସ।
\v 31 ତହିଁରେ ଶାମୁୟେଲ ଶାଉଲଙ୍କର ପଶ୍ଚାତ୍‍ ଫେରିଯାଆନ୍ତେ, ଶାଉଲ ସଦାପ୍ରଭୁଙ୍କ ନିକଟରେ ପ୍ରଣାମ କଲେ।
\s5
\v 32 ଏଥିଉତ୍ତାରେ ଶାମୁୟେଲ କହିଲେ, ତୁମ୍ଭେମାନେ ଅମାଲେକୀୟମାନଙ୍କ ରାଜା ଅଗାଗକୁ ଏଠାରେ ଆମ୍ଭ ନିକଟକୁ ଆଣ। ତହିଁରେ ଅଗାଗ ଖୁସି ହୋଇ ତାଙ୍କ ନିକଟକୁ ଆସିଲା; କାରଣ ଅଗାଗ କହିଲା, ଅବଶ୍ୟ ମୃତ୍ୟୁୁର ତିକ୍ତତା ଗଲା।
\v 33 ମାତ୍ର ଶାମୁୟେଲ କହିଲେ, ତୁମ୍ଭର ଖଡ୍ଗ ଯେପରି ସ୍ତ୍ରୀମାନଙ୍କୁ ସନ୍ତାନହୀନ କରିଅଛି, ସେପରି ସ୍ତ୍ରୀମାନଙ୍କ ମଧ୍ୟରେ ତୁମ୍ଭର ମାତା ସନ୍ତାନହୀନ ହେବ। ତହୁଁ ଶାମୁୟେଲ ଗିଲ୍‍ଗଲ୍‍ରେ ସଦାପ୍ରଭୁଙ୍କ ସମ୍ମୁଖରେ ଅଗାଗକୁ ଖଣ୍ଡ ଖଣ୍ଡ କରି ହାଣିଲେ।
\s5
\v 34 ଏଥିଉତ୍ତାରେ ଶାମୁୟେଲ ରାମାକୁ ଗଲେ; ପୁଣି, ଶାଉଲ ଗିବୀୟା-ଶାଉଲରେ ସ୍ଥିତ ଆପଣା ଗୃହକୁ ଗଲେ।
\v 35 ମାତ୍ର ଶାଉଲଙ୍କର ମରଣଦିନ ପର୍ଯ୍ୟନ୍ତ ଶାମୁୟେଲ ଆଉ ତାଙ୍କୁ ସାକ୍ଷାତ କଲେ ନାହିଁ; କାରଣ ଶାମୁୟେଲ ଶାଉଲଙ୍କ ପାଇଁ ଶୋକ କଲେ; ପୁଣି, ସଦାପ୍ରଭୁ ଇସ୍ରାଏଲ ଉପରେ ଶାଉଲଙ୍କୁ ରାଜା କରିବାରୁ ଦୁଃଖିତ ହେଲେ।
\s5
\c 16
\s ଦାଉଦ ରାଜା ରୂପେ ଅଭିଷିକ୍ତ
\p
\v 1 ଏଥିଉତ୍ତାରେ ସଦାପ୍ରଭୁ ଶାମୁୟେଲଙ୍କୁ କହିଲେ, ତୁମ୍ଭେ କେତେ କାଳ ଶାଉଲ ପାଇଁ ଶୋକ କରିବ ? ଆମ୍ଭେ ତ ତାହାକୁ ଇସ୍ରାଏଲ ଉପରେ ରାଜା ହୋଇ ଥିବା ପାଇଁ ତୁଚ୍ଛ କଲୁ, ତୁମ୍ଭେ ଆପଣା ଶୃଙ୍ଗ ତୈଳରେ ପୂର୍ଣ୍ଣ କରି ଚାଲ, ଆମ୍ଭେ ତୁମ୍ଭକୁ ବେଥଲିହିମୀୟ ଯିଶୀ ନିକଟକୁ ପଠାଇବା, କାରଣ ତାହାର ପୁତ୍ରମାନଙ୍କ ମଧ୍ୟରେ ଆମ୍ଭେ ଆପଣା ପାଇଁ ଏକ ରାଜା ଦେଖିଅଛୁ।
\s5
\v 2 ତହିଁରେ ଶାମୁୟେଲ କହିଲେ, ମୁଁ କିପରି ଯାଇ ପାରିବି ? ଶାଉଲ ଏହା ଶୁଣିଲେ ମୋତେ ବଧ କରିବେ। ଆଉ ସଦାପ୍ରଭୁ କହିଲେ, ତୁମ୍ଭେ ଗୋଟିଏ ଛଡ଼ା ସଙ୍ଗରେ ନିଅ ଓ କୁହ, ଆମ୍ଭେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବଳିଦାନ କରିବାକୁ ଆସିଅଛୁ।
\v 3 ପୁଣି, ଯିଶୀକି ସେ ବଳିଦାନ ପାଇଁ ନିମନ୍ତ୍ରଣ କର, ତହିଁରେ ତୁମ୍ଭର ଯାହା କର୍ତ୍ତବ୍ୟ, ତାହା ଆମ୍ଭେ ତୁମ୍ଭକୁ ଜଣାଇବା, ପୁଣି, ଆମ୍ଭେ ଯାହାକୁ କହିବା, ତୁମ୍ଭେ ଆମ୍ଭ ପାଇଁ ତାହାକୁ ଅଭିଷେକ କରିବ।
\s5
\v 4 ଏଥିରେ ଶାମୁୟେଲ ସଦାପ୍ରଭୁଙ୍କ ବାକ୍ୟାନୁସାରେ କାର୍ଯ୍ୟ କରି ବେଥଲିହିମରେ ଉପସ୍ଥିତ ହେଲେ। ତହିଁରେ ନଗରର ପ୍ରାଚୀନମାନେ କମ୍ପମାନ ହୋଇ ତାଙ୍କୁ ଭେଟିବାକୁ ଆସି ପଚାରିଲେ, ଆପଣଙ୍କ ଆଗମନ କୁଶଳ ?
\v 5 ସେ କହିଲେ, କୁଶଳ; ମୁଁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବଳିଦାନ କରିବାକୁ ଆସିଅଛି; ତୁମ୍ଭେମାନେ ଆପଣାମାନଙ୍କୁ ପବିତ୍ର କର, ପୁଣି, ମୋ’ ସଙ୍ଗେ ବଳିଦାନ କରିବାକୁ ଆସ। ଏଉତ୍ତାରେ ସେ ଯିଶୀକି ଓ ତାହାର ପୁତ୍ରମାନଙ୍କୁ ପବିତ୍ର କରି ବଳିଦାନ ନିମନ୍ତେ ଆସିବା ପାଇଁ ନିମନ୍ତ୍ରଣ କଲେ।
\s5
\v 6 ପୁଣି, ସେମାନେ ଆସିଲା ଉତ୍ତାରେ ସେ ଇଲୀୟାବ୍‍ ପ୍ରତି ଦୃଷ୍ଟି କରି କହିଲେ, ଅବଶ୍ୟ ସଦାପ୍ରଭୁଙ୍କ ଆଗରେ ତାହାଙ୍କର ଅଭିଷିକ୍ତ ଲୋକ ଉପସ୍ଥିତ।
\v 7 ମାତ୍ର ସଦାପ୍ରଭୁ ଶାମୁୟେଲଙ୍କୁ କହିଲେ, ଏହାର ରୂପ କି ଶରୀରର ଉଚ୍ଚତା ପ୍ରତି ଦୃଷ୍ଟି ନ କର; ଯେହେତୁ ଆମ୍ଭେ ଏହାକୁ ଅଗ୍ରାହ୍ୟ କଲୁ; ପୁଣି, ମନୁଷ୍ୟ ଯେପରି ଦେଖେ, ସଦାପ୍ରଭୁ ସେପରି ଦେଖନ୍ତି ନାହିଁ; କାରଣ ମନୁଷ୍ୟ ବାହ୍ୟରୂପ ଦେଖେ ମାତ୍ର ସଦାପ୍ରଭୁ ଅନ୍ତଃକରଣ ଦେଖନ୍ତି;
\s5
\v 8 ଏଉତ୍ତାରେ ଯିଶୀ ଅବୀନାଦବକୁ ଡାକି ଶାମୁୟେଲଙ୍କର ସମ୍ମୁଖ ଦେଇ ଗମନ କରାଇଲା। ତହିଁରେ ଶାମୁୟେଲ କହିଲେ, ସଦାପ୍ରଭୁ ଏହାକୁ ହିଁ ମନୋନୀତ କରି ନାହାନ୍ତି।
\v 9 ତେବେ ଯିଶୀ ଶମ୍ମକୁ ଗମନ କରାଇଲା; ତହିଁରେ ସେ କହିଲେ, ସଦାପ୍ରଭୁ ଏହାକୁ ମଧ୍ୟ ମନୋନୀତ କରି ନାହାନ୍ତି।
\v 10 ଏହିରୂପେ ଯିଶୀ ଆପଣାର ସାତ ପୁତ୍ରଙ୍କୁ ଶାମୁୟେଲଙ୍କ ସମ୍ମୁଖରେ ଗମନ କରାଇଲା; ମାତ୍ର ଶାମୁୟେଲ ଯିଶୀକି କହିଲେ, ସଦାପ୍ରଭୁ ଏମାନଙ୍କୁ ମନୋନୀତ କରି ନାହାନ୍ତି।
\s5
\v 11 ଏଉତ୍ତାରେ ଶାମୁୟେଲ ଯିଶୀକି କହିଲେ, ତୁମ୍ଭର ସବୁ ସନ୍ତାନ କି ଏଠାରେ ଅଛନ୍ତି ? ସେ କହିଲା, କେବଳ କନିଷ୍ଠଟି ବାକି ଅଛି, ଆଉ ଦେଖ, ସେ ମେଷପଲ ଚରାଉଛି। ତହିଁରେ ଶାମୁୟେଲ ଯିଶୀକୁ କହିଲେ, ଲୋକ ପଠାଇ ତାକୁ ଅଣାଅ; ସେ ଏଠାକୁ ନ ଆସିବା ପର୍ଯ୍ୟନ୍ତ ଆମ୍ଭେମାନେ (ଭୋଜନରେ) ବସିବୁ ନାହିଁ।
\v 12 ତହିଁରେ ସେ ଲୋକ ପଠାଇ ତାହାକୁ ଅଣାଇଲା। ସେ ଈଷତ୍‍ ରକ୍ତବର୍ଣ୍ଣ ଓ ସୁନୟନ ଓ ଦେଖିବାକୁ ସୁନ୍ଦର। ସେତେବେଳେ ସଦାପ୍ରଭୁ କହିଲେ, ଉଠ, ଏହାକୁ ଅଭିଷେକ କର; ଏ ସେହି ଲୋକ।
\s5
\v 13 ତହୁଁ ଶାମୁୟେଲ ତୈଳଶୃଙ୍ଗ ନେଇ ତାଙ୍କ ଭ୍ରାତୃଗଣ ମଧ୍ୟରେ ତାଙ୍କୁ ଅଭିଷେକ କଲେ; ତହିଁରେ ସେହି ଦିନାବଧି ସଦାପ୍ରଭୁଙ୍କର ଆତ୍ମା ଦାଉଦଙ୍କୁ ଆକ୍ରାନ୍ତ କଲେ। ଏଉତ୍ତାରେ ଶାମୁୟେଲ ଉଠି ରାମାକୁ ଚାଲିଗଲେ।
\s ଶାଉଲଙ୍କ ସେବାରେ ଦାଉଦ
\p
\s5
\v 14 ମାତ୍ର ସଦାପ୍ରଭୁଙ୍କ ଆତ୍ମା ଶାଉଲଙ୍କଠାରୁ ପ୍ରସ୍ଥାନ କଲେ; ପୁଣି, ସଦାପ୍ରଭୁଙ୍କଠାରୁ ଏକ ମନ୍ଦ-ଆତ୍ମା ତାଙ୍କୁ ବିରକ୍ତ କରିବାକୁ ଲାଗିଲା।
\v 15 ଏଉତ୍ତାରେ ଶାଉଲଙ୍କର ଦାସମାନେ ତାଙ୍କୁ କହିଲେ, ଦେଖନ୍ତୁ, ପରମେଶ୍ୱରଙ୍କଠାରୁ ଏକ ମନ୍ଦ-ଆତ୍ମା ଆପଣଙ୍କୁ ବିରକ୍ତ କରୁଅଛି।
\v 16 ଏଣୁ ଜଣେ ନିପୁଣ ବୀଣାବାଦକ ଅନ୍ୱେଷଣ କରିବା ପାଇଁ ଆମ୍ଭମାନଙ୍କ ପ୍ରଭୁ ଆପଣା ସମ୍ମୁଖସ୍ଥ ଦାସମାନଙ୍କୁ ଆଜ୍ଞା କରନ୍ତୁ; ତହିଁରେ ପରମେଶ୍ୱରଙ୍କଠାରୁ ସେହି ମନ୍ଦ-ଆତ୍ମା ଆପଣଙ୍କ ଉପରେ ଥିବା ବେଳେ, ସେ ଲୋକ ଆପଣା ହାତରେ ବଜାଇଲେ ଆପଣ ଭଲ ହୋଇଯିବେ।
\s5
\v 17 ତହୁଁ ଶାଉଲ ଆପଣା ଦାସମାନଙ୍କୁ କହିଲେ, ଆଚ୍ଛା, ଯେ ଭଲ ବଜାଇ ପାରେ, ଏପରି ଏକ ଜଣ ମୋ’ ପାଇଁ ଦେଖି ତାହାକୁ ମୋ’ ନିକଟକୁ ଆଣ।
\v 18 ତହିଁରେ ଯୁବାମାନଙ୍କ ମଧ୍ୟରୁ ଜଣେ ଉତ୍ତର ଦେଇ କହିଲା; ଦେଖନ୍ତୁ, ମୁଁ ବେଥଲିହିମୀୟ ଯିଶୀର ଏକ ପୁତ୍ରଙ୍କୁ ଦେଖିଅଛି, ସେ ବଜାଇବାରେ ନିପୁଣ ଓ ମହାବିକ୍ରମଶାଳୀ ଓ ଯୋଦ୍ଧା ଓ କଥାରେ ବିଜ୍ଞ, ଆଉ ରୂପବାନ, ପୁଣି, ସଦାପ୍ରଭୁ ତାଙ୍କର ସଙ୍ଗେ ସଙ୍ଗେ ଅଛନ୍ତି।
\v 19 ଏହେତୁ ଶାଉଲ ଯିଶୀ ନିକଟକୁ ଦୂତମାନଙ୍କୁ ପଠାଇ ତାହାକୁ କହିଲେ, ତୁମ୍ଭର ପୁତ୍ର ଦାଉଦ, ଯେ ମେଷପଲ ସଙ୍ଗରେ ଥାଏ, ତାକୁ ମୋ’ ନିକଟକୁ ପଠାଇଦିଅ।
\s5
\v 20 ତହିଁରେ ଯିଶୀ ରୁଟିରେ ନଦା ଏକ ଗଧ, ଏକ କୁମ୍ପା ଦ୍ରାକ୍ଷାରସ ଓ ଏକ ଛେଳିଛୁଆ ନେଇ ଆପଣା ପୁତ୍ର ଦାଉଦଙ୍କ ହସ୍ତରେ ଶାଉଲଙ୍କ ନିକଟକୁ ପଠାଇଲା।
\v 21 ତହୁଁ ଦାଉଦ ଶାଉଲଙ୍କ ନିକଟକୁ ଆସି ତାଙ୍କ ସମ୍ମୁଖରେ ଠିଆ ହେଲେ ଓ ଶାଉଲ ତାଙ୍କୁ ଅତିଶୟ ସ୍ନେହ କଲେ; ତହିଁରେ ସେ ତାଙ୍କର ଅସ୍ତ୍ରବାହକ ହେଲେ।
\s5
\v 22 ଏଉତ୍ତାରେ ଶାଉଲ ଯିଶୀକି କହି ପଠାଇଲେ, ବିନୟ କରୁଅଛି, ଦାଉଦକୁ ମୋ’ ସମ୍ମୁଖରେ ଛିଡ଼ା ହେବାକୁ ଦିଅ; କାରଣ ସେ ମୋ’ ଦୃଷ୍ଟିରେ ଅନୁଗ୍ରହ ପାଇଅଛି।
\v 23 ଏଣୁ ପରମେଶ୍ୱରଙ୍କଠାରୁ ସେହି ମନ୍ଦ-ଆତ୍ମା ଯେତେବେଳେ ଶାଉଲଙ୍କ ଉପରେ ଥାଏ, ସେତେବେଳେ ଦାଉଦ ବୀଣା ନେଇ ଆପଣା ହାତରେ ବଜାନ୍ତି; ତହିଁରେ ଶାଉଲ ଆଶ୍ୱାସ ପାଆନ୍ତି ଓ ଭଲ ହୁଅନ୍ତି, ପୁଣି, ମନ୍ଦ-ଆତ୍ମା ତାଙ୍କୁ ଛାଡ଼ିଯାଏ।
\s5
\c 17
\s ଦାଉଦ ଏବଂ ଗଲୀୟାତ
\p
\v 1 ଏଥିଉତ୍ତାରେ ପଲେଷ୍ଟୀୟମାନେ ଯୁଦ୍ଧ କରିବାକୁ ଆପଣାମାନଙ୍କ ସୈନ୍ୟସାମନ୍ତ ସଂଗ୍ରହ କଲେ, ଆଉ ସେମାନେ ଯିହୁଦାର ଅଧିକାରସ୍ଥ ସୋଖୋରେ ସଂଗୃହୀତ ହୋଇ ସୋଖୋ ଓ ଅସେକା ମଧ୍ୟରେ ଏଫସ୍‍-ଦମ୍ମୀମରେ ଛାଉଣି ସ୍ଥାପନ କଲେ।
\s5
\v 2 ପୁଣି, ଶାଉଲ ଓ ଇସ୍ରାଏଲ ଲୋକମାନେ ସଂଗୃହୀତ ହୋଇ ଏଲା ତଳଭୂମିରେ ଛାଉଣି ସ୍ଥାପନ କଲେ ଓ ପଲେଷ୍ଟୀୟମାନଙ୍କ ବିରୁଦ୍ଧରେ ସୈନ୍ୟ ସଜାଇଲେ।
\v 3 ତହିଁରେ ପଲେଷ୍ଟୀୟମାନେ ପର୍ବତର ଏକ ଦିଗରେ ଓ ଇସ୍ରାଏଲୀୟମାନେ ପର୍ବତର ଅନ୍ୟ ଦିଗରେ ଠିଆ ହେଲେ; ପୁଣି, ଉଭୟଙ୍କ ମଧ୍ୟରେ ଉପତ୍ୟକା ଥିଲା।
\s5
\v 4 ଏଥିରେ ଗାଥ୍‍ ନିବାସୀ ଗଲୀୟାତ ନାମକ ଏକ ମଲ୍ଲଯୋଦ୍ଧା ପଲେଷ୍ଟୀୟମାନଙ୍କ ଛାଉଣିରୁ ବାହାର ହେଲା, ସେ ସାଢ଼େ ଛଅ ହାତ ଉଚ୍ଚ।
\v 5 ପୁଣି, ତାହାର ମସ୍ତକରେ ପିତ୍ତଳର ଟୋପର ଥିଲା ଓ ସେ ମାଛକାତି ତୁଲ୍ୟ ସାଞ୍ଜୁଆରେ ସଜ୍ଜିତ ଥିଲା ଓ ସେହି ସାଞ୍ଜୁଆ ପାଞ୍ଚ ସହସ୍ର ଶେକଲ
\f +
\fr 17:5
\ft ପ୍ରାୟ ୫୫ କିଲୋଗ୍ରାମ୍
\f* ପରିମିତ ପିତ୍ତଳର ଥିଲା।
\s5
\v 6 ତାହାର ପାଦ ପିତ୍ତଳ-ପତ୍ରରେ ଆବୃତ ଓ ତାହାର କାନ୍ଧରେ ପିତ୍ତଳର ଶଲ୍ୟ ଥିଲା।
\v 7 ତାହାର ବର୍ଚ୍ଛାର ଦଣ୍ଡ ତନ୍ତୀର ନରାଜ ତୁଲ୍ୟ ଓ ତାହାର ବର୍ଚ୍ଛାର ଫଳକର ପରିମାଣ ଛଅ ଶହ ଶେକଲ
\f +
\fr 17:7
\ft ପ୍ରାୟ ୭ କିଲୋଗ୍ରାମ୍
\f* ଲୁହା ଥିଲା; ପୁଣି, ତାହା ଆଗେ ଆଗେ ତାହାର ଢାଲବାହକ ଚାଲିଲା।
\s5
\v 8 ଆଉ ସେ ଛିଡ଼ା ହୋଇ ଇସ୍ରାଏଲର ସୈନ୍ୟଶ୍ରେଣୀ ଆଡ଼େ ଡାକି ସେମାନଙ୍କୁ କହିଲା, ତୁମ୍ଭେମାନେ କାହିଁକି ଯୁଦ୍ଧ ସାଜିବା ପାଇଁ ବାହାର ହୋଇ ଆସିଅଛ ? ମୁଁ କି ସେହି ପଲେଷ୍ଟୀୟ ଲୋକ ନୁହେଁ ? ଓ ତୁମ୍ଭେମାନେ କି ଶାଉଲର ଦାସ ନୁହଁ ? ତୁମ୍ଭେମାନେ ଆପଣାମାନଙ୍କ ପାଇଁ ଜଣେ ଲୋକ ମନୋନୀତ କର ଓ ସେ ମୋହର କତିକି ଓହ୍ଲାଇ ଆସୁ।
\v 9 ସେ ଯେବେ ମୋ’ ସଙ୍ଗେ ଯୁଦ୍ଧ କରି ପାରିବ ଓ ମୋତେ ବଧ କରିବ, ତେବେ ଆମ୍ଭେମାନେ ତୁମ୍ଭମାନଙ୍କର ଦାସ ହେବୁ; ମାତ୍ର ଯେବେ ମୁଁ ତାହାକୁ ପାରିବି ଓ ବଧ କରିବି, ତେବେ ତୁମ୍ଭେମାନେ ଆମ୍ଭମାନଙ୍କର ଦାସ ହେବ ଓ ଆମ୍ଭମାନଙ୍କର ଦାସ୍ୟକର୍ମ କରିବ।
\s5
\v 10 ଆହୁରି ସେ ପଲେଷ୍ଟୀୟ କହିଲା, ଆଜି ମୁଁ ଇସ୍ରାଏଲର ସୈନ୍ୟଶ୍ରେଣୀକୁ ତୁଚ୍ଛ କରୁଅଛି; ମୋତେ ଜଣେ ଲୋକ ଦିଅ, ଆମ୍ଭେମାନେ ପରସ୍ପର ଯୁଦ୍ଧ କରିବୁ।
\v 11 ପୁଣି, ଶାଉଲ ଓ ସମୁଦାୟ ଇସ୍ରାଏଲ ସେହି ପଲେଷ୍ଟୀୟର ଏହି ସକଳ କଥା ଶୁଣନ୍ତେ, ସେମାନେ ହତାଶ ହେଲେ ଓ ଅତିଶୟ ଭୟ କଲେ।
\s5
\v 12 ଦାଉଦ ବେଥଲିହିମ ଯିହୁଦା ନିବାସୀ ଏକ ଇଫ୍ରାଥୀୟ ପୁରୁଷର ପୁତ୍ର ଥିଲେ, ତାହାର ନାମ ଯିଶୀ; ତାହାର ଆଠ ପୁତ୍ର ଥିଲେ; ପୁଣି, ଶାଉଲଙ୍କ ସମୟରେ ସେ ପୁରୁଷ ବୃଦ୍ଧ ଓ ଲୋକମାନଙ୍କ ମଧ୍ୟରେ ଗତବୟସ୍କ ବୋଲି ଗଣିତ ଥିଲା।
\v 13 ଯିଶୀର ତିନି ବଡ଼ ପୁତ୍ର ଶାଉଲଙ୍କର ପଶ୍ଚାତ୍‍ ଯୁଦ୍ଧକୁ ଯାଇଥିଲେ; ପୁଣି, ଯୁଦ୍ଧକୁ ଯାଇଥିବା ତାହାର ତିନି ପୁତ୍ର ମଧ୍ୟରେ ଜ୍ୟେଷ୍ଠର ନାମ ଇଲୀୟାବ୍‍ ଓ ଦ୍ୱିତୀୟର ନାମ ଅବୀନାଦବ ଓ ତୃତୀୟର ନାମ ଶମ୍ମ, ଆଉ ଦାଉଦ କନିଷ୍ଠ ଥିଲେ।
\s5
\v 14 କେବଳ ବଡ଼ ତିନି ଜଣ ଶାଉଲଙ୍କର ଅନୁଗାମୀ ହୋଇଥିଲେ।
\v 15 ମାତ୍ର ଦାଉଦ ଆପଣା ପିତାର ମେଷପଲ ଚରାଇବା ନିମନ୍ତେ ଶାଉଲଙ୍କ ନିକଟରୁ ବେଥଲିହିମକୁ ଯା’ଆସ କରୁଥାଆନ୍ତି।
\v 16 ପୁଣି, ସେହି ପଲେଷ୍ଟୀୟ ଲୋକ ଚାଳିଶ ଦିନ ପର୍ଯ୍ୟନ୍ତ ପ୍ରାତଃକାଳରେ ଓ ସନ୍ଧ୍ୟାକାଳରେ ନିକଟକୁ ଆସି ଆପଣାକୁ ଦେଖାଉଥାଏ।
\s5
\v 17 ଏହି ସମୟରେ ଯିଶୀ ଆପଣାର ପୁତ୍ର ଦାଉଦଙ୍କୁ କହିଲା, ଆପଣା ଭାଇମାନଙ୍କ ପାଇଁ ଏହି ଭଜାଶସ୍ୟରୁ ଏକ ଐଫା
\f +
\fr 17:17
\fq ଏକ ଐଫା
\ft ପ୍ରାୟ ଦଶ କିଲୋ
\f* ଓ ଏହି ଦଶଟା ରୁଟି ନିଅ ଓ ଛାଉଣିକୁ ଆପଣା ଭାଇମାନଙ୍କ ନିକଟକୁ ଶୀଘ୍ର ଘେନି ଯାଅ।
\v 18 ପୁଣି, ଏହି ଦଶ ଖଣ୍ଡ ଛେନାଚକ୍ତି ସେମାନଙ୍କର ସହସ୍ରପତି ନିକଟକୁ ଘେନି ଯାଅ ଓ ତୁମ୍ଭ ଭାଇମାନଙ୍କର କୁଶଳବାର୍ତ୍ତା ପଚାରି ସେମାନଙ୍କର କୌଣସି ଚିହ୍ନ ଆଣ।
\s5
\v 19 ଏହି ସମୟରେ ଶାଉଲ ଓ ସେମାନେ ଓ ସମସ୍ତ ଇସ୍ରାଏଲ ଲୋକ ଏଲା ତଳଭୂମିରେ ଥାଇ ପଲେଷ୍ଟୀୟମାନଙ୍କ ସହିତ ଯୁଦ୍ଧ କରୁଥିଲେ।
\v 20 ଏଉତ୍ତାରେ ଦାଉଦ ପ୍ରଭାତରେ ଉଠି ଜଣେ ରଖୁଆଳ ହସ୍ତରେ ମେଷପଲ ଛାଡ଼ି ଯିଶୀର ଆଜ୍ଞାନୁସାରେ ସେସବୁ ଦ୍ରବ୍ୟ ନେଇ ଗମନ କଲେ; ପୁଣି, ସୈନ୍ୟଗଣ ବାହାରି ଯୁଦ୍ଧ ନିମନ୍ତେ ମହାନାଦ କରିବା ସମୟରେ ସେ ଶଗଡ଼ବନ୍ଦି ସ୍ଥାନରେ ଉପସ୍ଥିତ ହେଲେ।
\v 21 ତହୁଁ ଇସ୍ରାଏଲ ଓ ପଲେଷ୍ଟୀୟମାନେ ଯୁଦ୍ଧ ସଜାଇଲେ ଓ ସୈନ୍ୟଶ୍ରେଣୀ ପରସ୍ପର ସମ୍ମୁଖାସମ୍ମୁଖୀ ହେଲେ।
\s5
\v 22 ପୁଣି, ଦାଉଦ ସାମଗ୍ରୀରକ୍ଷକ ହସ୍ତରେ ଆପଣା ସାମଗ୍ରୀ ରଖି ସୈନ୍ୟଶ୍ରେଣୀ ମଧ୍ୟକୁ ଦୌଡ଼ି ଆସି ଆପଣା ଭାଇମାନଙ୍କୁ କୁଶଳବାର୍ତ୍ତା ପଚାରିଲା।
\v 23 ସେ ସେମାନଙ୍କ ସଙ୍ଗେ କଥାବାର୍ତ୍ତା କରୁଥିବା ସମୟରେ, ଦେଖ, ଗାଥ୍‍ ନିବାସୀ ପଲେଷ୍ଟୀୟ ଗଲୀୟାତ ନାମକ ମଲ୍ଲଯୋଦ୍ଧା ପଲେଷ୍ଟୀୟ ସୈନ୍ୟଶ୍ରେଣୀ ମଧ୍ୟରୁ ଉଠି ଆସି ପୂର୍ବ ପରି କଥା କହିଲା; ପୁଣି, ଦାଉଦ ତାହା ଶୁଣିଲେ।
\v 24 ମାତ୍ର ଇସ୍ରାଏଲ ଲୋକ ସମସ୍ତେ ସେହି ପୁରୁଷକୁ ଦେଖି ତାହା ସମ୍ମୁଖରୁ ପଳାଇଲେ ଓ ଅତିଶୟ ଭୀତ ହେଲେ।
\s5
\v 25 ତହୁଁ ଇସ୍ରାଏଲ ଲୋକମାନେ କହିଲେ, ଏହି ଯେ ଲୋକ ଉଠି ଆସିଅଛି, ଏହାକୁ କ’ଣ ତୁମ୍ଭେମାନେ ଦେଖିଲ ? ନିଶ୍ଚୟ ଇସ୍ରାଏଲକୁ ତୁଚ୍ଛ କରିବା ପାଇଁ ସେ ଉଠି ଆସିଅଛି; ପୁଣି, ଏହାକୁ ଯେଉଁ ଲୋକ ବଧ କରିବ, ରାଜା ତାହାକୁ ବହୁତ ଧନରେ ଧନବାନ କରିବେ ଓ ତାହାକୁ ଆପଣା କନ୍ୟା ଦେବେ, ଆଉ ଇସ୍ରାଏଲ ମଧ୍ୟରେ ତାହାର ପିତୃଗୃହକୁ କରମୁକ୍ତ କରିବେ।
\s5
\v 26 ସେତେବେଳେ ଦାଉଦ ଆପଣା ନିକଟରେ ଠିଆ ହୋଇଥିବା ଲୋକମାନଙ୍କୁ ପଚାରିଲେ, ଯେଉଁ ଜନ ଏହି ପଲେଷ୍ଟୀୟକୁ ବଧ କରି ଇସ୍ରାଏଲର ଅପମାନ ଦୂର କରିବ, ତାହା ପ୍ରତି କ’ଣ କରାଯିବ ? କାରଣ, ଏହି ଅସୁନ୍ନତ ପଲେଷ୍ଟୀୟ କିଏ ଯେ, ସେ ଜୀବିତ ପରମେଶ୍ୱରଙ୍କ ସୈନ୍ୟଶ୍ରେଣୀକୁ ତୁଚ୍ଛ କରିବ ?
\v 27 ତହିଁରେ ଲୋକମାନେ ପୂର୍ବ ପରି ଉତ୍ତର ଦେଇ କହିଲେ, ଯେ ତାହାକୁ ବଧ କରିବ, ତାହା ପ୍ରତି ଉପରୋକ୍ତ ପ୍ରକାରେ କରାଯିବ।
\s5
\v 28 ସେ ଲୋକମାନଙ୍କୁ କହିବା ବେଳେ ତାଙ୍କର ଜ୍ୟେଷ୍ଠ ଭ୍ରାତା ଇଲୀୟାବ୍‍ ଶୁଣିଲା; ତହିଁରେ ଇଲୀୟାବ୍‍ର କ୍ରୋଧ ଦାଉଦଙ୍କ ଉପରେ ପ୍ରଜ୍ୱଳିତ ହେଲା, ଆଉ ସେ କହିଲା, ତୁ କାହିଁକି ଏଠିକି ଆସିଲୁ ? ପ୍ରାନ୍ତରରେ ତୁ ସେ ମେଣ୍ଢା କେତୋଟି କାହା ପାଖରେ ଛାଡ଼ିଲୁ ? ମୁଁ ତୋ’ ଗର୍ବ ଓ ତୋ’ ମନର ଦୁଷ୍ଟତା ଜାଣେ; କାରଣ ତୁ ଯୁଦ୍ଧ ଦେଖିବା ପାଇଁ ଆସିଅଛୁ।
\v 29 ଏଥିରେ ଦାଉଦ କହିଲେ, ମୁଁ ଏବେ କଅଣ କଲି ? ଏଥିରେ କି କୌଣସି କାରଣ ନାହିଁ ?
\v 30 ପୁଣି, ସେ ତାହା ପାଖରୁ ଫେରି ଅନ୍ୟ ଲୋକ ଆଡ଼କୁ ଗଲେ ଓ ପୂର୍ବ ପରି କହିଲେ; ତହିଁରେ ଲୋକମାନେ ପୁନର୍ବାର ପୂର୍ବ ପରି ଉତ୍ତର ଦେଲେ।
\s5
\v 31 ଦାଉଦଙ୍କର ଏହିସବୁ କଥା ଶୁଣାଯା’ନ୍ତେ, ଲୋକମାନେ ଶାଉଲଙ୍କ ସମ୍ମୁଖରେ ତାହା କହିଲେ, ତେଣୁ ସେ ତାଙ୍କୁ ଡକାଇଲେ।
\v 32 ଏଥିରେ ଦାଉଦ ଶାଉଲଙ୍କୁ କହିଲେ, ତାହା ସକାଶୁ କାହାରି ହୃଦୟ ନିରାଶ ନ ହେଉ; ଆପଣଙ୍କ ଦାସ ଯାଇ ସେହି ପଲେଷ୍ଟୀୟ ସଙ୍ଗେ ଯୁଦ୍ଧ କରିବ।
\v 33 ତହିଁରେ ଶାଉଲ ଦାଉଦଙ୍କୁ କହିଲେ, ତୁମ୍ଭେ ସେହି ପଲେଷ୍ଟୀୟ ବିରୁଦ୍ଧରେ ଯାଇ ତାହା ସଙ୍ଗେ ଯୁଦ୍ଧ କରି ପାରିବ ନାହିଁ; କାରଣ ତୁମ୍ଭେ ତ ଯୁବା, ମାତ୍ର ସେ ଯୌବନାବଧି ଯୋଦ୍ଧା।
\s5
\v 34 ତହୁଁ ଦାଉଦ ଶାଉଲଙ୍କୁ କହିଲେ, ଆପଣଙ୍କ ଦାସ ଆପଣା ପିତାର ମେଷ ଚରାଉଥାଏ; ପୁଣି, କୌଣସି ସମୟରେ ଗୋଟିଏ ସିଂହ କି ଗୋଟିଏ ଭାଲୁ ଆସି ପଲ ମଧ୍ୟରୁ ଛୁଆ ଘେନି ଗଲେ,
\v 35 ମୁଁ ତାହା ପଛେ ଗୋଡ଼ାଇ ତାକୁ ମାରି ତା’ ମୁଖରୁ ଛୁଆକୁ ରକ୍ଷା କରେ; ପୁଣି, ସେ ମୋ’ ଉପରକୁ ଉଠିଲେ, ମୁଁ ତାହାର ଦାଢ଼ି ଧରି ତାହାକୁ ମାରି ବଧ କରେ।
\s5
\v 36 ଆପଣଙ୍କ ଦାସ ସିଂହ ଓ ଭାଲୁ ଉଭୟ ବଧ କରିଅଛି; ପୁଣି, ଏହି ଅସୁନ୍ନତ ପଲେଷ୍ଟୀୟ ସେମାନଙ୍କର ଗୋଟିକ ପରି ହେବ, କାରଣ ସେ ଜୀବିତ ପରମେଶ୍ୱରଙ୍କ ସୈନ୍ୟଶ୍ରେଣୀକୁ ତୁଚ୍ଛ କରିଅଛି।
\s5
\v 37 ଆହୁରି ଦାଉଦ କହିଲେ, ଯେଉଁ ସଦାପ୍ରଭୁ ସିଂହ ହାତରୁ ଓ ଭାଲୁ ହାତରୁ ମୋତେ ରକ୍ଷା କରିଅଛନ୍ତି; ସେ ଏହି ପଲେଷ୍ଟୀୟ ହାତରୁ ମୋତେ ରକ୍ଷା କରିବେ। ଏଥିରେ ଶାଉଲ ଦାଉଦଙ୍କୁ କହିଲେ, ଯାଅ, ସଦାପ୍ରଭୁ ତୁମ୍ଭର ସଙ୍ଗୀ ହେବେ।
\v 38 ତହୁଁ ଶାଉଲ ଦାଉଦଙ୍କୁ ଆପଣା ବସ୍ତ୍ର ପିନ୍ଧାଇ ତାଙ୍କର ମସ୍ତକରେ ପିତ୍ତଳ ଟୋପର ଦେଇ ତାଙ୍କୁ ସାଞ୍ଜୁଆ ପିନ୍ଧାଇଲେ।
\s5
\v 39 ପୁଣି, ଦାଉଦ ଆପଣା ବସ୍ତ୍ର ଉପରେ ଖଡ୍ଗ ବାନ୍ଧି ଚାଲିବାକୁ ଚେଷ୍ଟା କଲେ; କାରଣ ସେ ତାହା ପରଖ କରି ନ ଥିଲେ। ଆଉ ଦାଉଦ ଶାଉଲଙ୍କୁ କହିଲେ, ମୁଁ ଏହି ବେଶରେ ଯାଇ ନ ପାରେ, କାରଣ ମୁଁ ସେସବୁ ପରଖ କରି ନାହିଁ। ଏଣୁ ଦାଉଦ ତାହା କାଢ଼ି ରଖିଲେ।
\v 40 ପୁଣି, ସେ ଆପଣା ଯଷ୍ଟି ହାତରେ ଘେନି ନଦୀରୁ ପାଞ୍ଚୋଟି ଚିକ୍କଣ ପଥର ବାଛିଲେ ଓ ଆପଣା ପାଖରେ ମେଷପାଳକର ଯେଉଁ ଝୁଲି ଥିଲା, ସେହି ଝୁଲିରେ ତାହା ରଖିଲେ; ଆଉ ସେ ହାତରେ ଆପଣା ଛାଟିଣୀ ଧରି ସେହି ପଲେଷ୍ଟୀୟ ନିକଟକୁ ଗଲେ।
\s5
\v 41 ଏଥିରେ ପଲେଷ୍ଟୀୟ ଅଗ୍ରସର ହୋଇ ଦାଉଦଙ୍କର ସନ୍ନିକଟ ହେଲା ଓ ତାହାର ଢାଲବାହକ ତାହାର ଆଗେ ଆଗେ ଚାଲିଲା।
\v 42 ତହୁଁ ପଲେଷ୍ଟୀୟ ଚାରିଆଡ଼କୁ ଅନାଇ ଦାଉଦଙ୍କୁ ଦେଖି ତୁଚ୍ଛଜ୍ଞାନ କଲା, କାରଣ ସେ ଯୁବା ଓ ଈଷତ୍‍ ରକ୍ତବର୍ଣ୍ଣ ଓ ସୁନ୍ଦର-ବଦନ ଥିଲେ।
\v 43 ପୁଣି, ସେହି ପଲେଷ୍ଟୀୟ ଦାଉଦଙ୍କୁ କହିଲା, ମୁଁ କି କୁକ୍କୁର, ଯେ ତୁ ଯଷ୍ଟି ନେଇ ମୋ’ ପାଖକୁ ଆସିଛୁ ? ତହିଁରେ ପଲେଷ୍ଟୀୟ ଆପଣା ଦେବତାମାନଙ୍କ ନାମରେ ଦାଉଦଙ୍କୁ ଶାପ ଦେଲା।
\s5
\v 44 ଆଉ ସେହି ପଲେଷ୍ଟୀୟ ଦାଉଦଙ୍କୁ କହିଲା, ମୋ’ କତିକି ଆ, ମୁଁ ତୋର ମାଂସ ଆକାଶ-ପକ୍ଷୀ ଓ ବିଲ-ପଶୁମାନଙ୍କୁ ଦେବି।
\v 45 ତେବେ ଦାଉଦ ପଲେଷ୍ଟୀୟକୁ କହିଲେ, ତୁମ୍ଭେ ଖଡ୍ଗ ଘେନି, ବର୍ଚ୍ଛା ଘେନି ଓ ଶଲ୍ୟ ଘେନି ମୋ’ କତିକି ଆସିଅଛ; ମାତ୍ର ତୁମ୍ଭେ ଯାହାଙ୍କୁ ତୁଚ୍ଛ କରିଅଛ, ସେହି ଇସ୍ରାଏଲ ସୈନ୍ୟଶ୍ରେଣୀର ପରମେଶ୍ୱର ସୈନ୍ୟାଧିପତି ସଦାପ୍ରଭୁଙ୍କ ନାମରେ ତୁମ୍ଭ ନିକଟକୁ ମୁଁ ଆସୁଅଛି।
\s5
\v 46 ଆଜିଦିନ ସଦାପ୍ରଭୁ ତୁମ୍ଭକୁ ମୋ’ ହସ୍ତରେ ସମର୍ପି ଦେବେ; ଏଣୁ ମୁଁ ତୁମ୍ଭକୁ ଆଘାତ କରି ତୁମ୍ଭଠାରୁ ତୁମ୍ଭ ମସ୍ତକ ଅଲଗା କରିବି; ପୁଣି, ମୁଁ ଆଜି ପଲେଷ୍ଟୀୟମାନଙ୍କ ସୈନ୍ୟଗଣର ଶବ ଆକାଶ-ପକ୍ଷୀଗଣକୁ ଓ ପୃଥିବୀସ୍ଥ ବନ-ପଶୁମାନଙ୍କୁ ଦେବି; ତହିଁରେ ଇସ୍ରାଏଲ ମଧ୍ୟରେ ଏକ ପରମେଶ୍ୱର ଅଛନ୍ତି ବୋଲି ସମୁଦାୟ ଜଗତ ଜାଣିବେ।
\v 47 ଆଉ ଏହି ସମସ୍ତ ସମାଜ ଜାଣିବେ ଯେ, ସଦାପ୍ରଭୁ ଖଡ୍ଗ ଓ ବର୍ଚ୍ଛା ଦ୍ୱାରା ଉଦ୍ଧାର କରନ୍ତି ନାହିଁ; କାରଣ ଏହି ଯୁଦ୍ଧ ସଦାପ୍ରଭୁଙ୍କର ଓ ସେ ତୁମ୍ଭମାନଙ୍କୁ ଆମ୍ଭମାନଙ୍କ ହସ୍ତରେ ସମର୍ପଣ କରିବେ।
\s5
\v 48 ଏଉତ୍ତାରେ ସେହି ପଲେଷ୍ଟୀୟ ଉଠି ଦାଉଦଙ୍କ ସଙ୍ଗେ ଭେଟିବାକୁ ଆସି ନିକଟବର୍ତ୍ତୀ ହୁଅନ୍ତେ, ଦାଉଦ ଶୀଘ୍ର ସେହି ପଲେଷ୍ଟୀୟ ସହିତ ଭେଟିବାକୁ ସୈନ୍ୟଶ୍ରେଣୀ ଆଡ଼େ ଦୌଡ଼ିଲେ।
\v 49 ପୁଣି, ଦାଉଦ ଆପଣା ଝୁଲିରେ ହାତ ପୂରାଇ ତହିଁରୁ ଗୋଟିଏ ପଥର କାଢ଼ି ଛାଟିଣୀରେ ମାରି ସେହି ପଲେଷ୍ଟୀୟର କପାଳକୁ ଆଘାତ କଲେ; ତହିଁରେ ସେ ପଥର ତାହା କପାଳରେ ପଶିଯା’ନ୍ତେ, ସେ ମୁହଁ ମାଡ଼ି ଭୂମିରେ ପଡ଼ିଲା।
\s5
\v 50 ଏହି ପ୍ରକାରେ ଦାଉଦ ଛାଟିଣୀ ଓ ପଥର ଦ୍ୱାରା ସେହି ପଲେଷ୍ଟୀୟ ଉପରେ ଜୟଲାଭ କଲେ ଓ ପଲେଷ୍ଟୀୟକୁ ଆଘାତ କରି ବଧ କଲେ, ମାତ୍ର ଦାଉଦଙ୍କ ହସ୍ତରେ ଖଡ୍ଗ ନ ଥିଲା।
\v 51 ତହୁଁ ଦାଉଦ ଦୌଡ଼ିଯାଇ ସେହି ପଲେଷ୍ଟୀୟ ଉପରେ ଠିଆ ହେଲେ ଓ ତାହାର ଖଡ୍ଗ ଧରି ଖାପରୁ କାଢ଼ି ତାହାକୁ ବଧ କଲେ ଓ ତଦ୍ଦ୍ୱାରା ତାହାର ମସ୍ତକ ଛେଦନ କଲେ। ଆଉ ପଲେଷ୍ଟୀୟମାନେ ଆପଣାମାନଙ୍କ ବୀରକୁ ମୃତ ଦେଖି ପଳାଇଲେ।
\s5
\v 52 ତହୁଁ ଇସ୍ରାଏଲ ଓ ଯିହୁଦାର ଲୋକମାନେ ଉଠି ଜୟଧ୍ୱନି କଲେ ଓ ଗାଥ୍ ନଗର
\f +
\fr 17:52
\fq ଗାଥ୍ ନଗର
\ft କିମ୍ବା ଗାଥ୍ ଉପତ୍ୟକା
\f* ସନ୍ନିକଟ ଓ ଇକ୍ରୋଣ ଦ୍ୱାର ପର୍ଯ୍ୟନ୍ତ ପଲେଷ୍ଟୀୟମାନଙ୍କ ପଛେ ପଛେ ଗୋଡ଼ାଇଲେ। ତହିଁରେ ପଲେଷ୍ଟୀୟମାନଙ୍କ ହତ ଲୋକମାନେ ଶାରୟିମ୍‍ ପଥରେ ଗାଥ୍‍ ଓ ଇକ୍ରୋଣ ପର୍ଯ୍ୟନ୍ତ ପଡ଼ିଲେ।
\v 53 ଏଉତ୍ତାରେ ଇସ୍ରାଏଲ ସନ୍ତାନଗଣ ପଲେଷ୍ଟୀୟମାନଙ୍କ ପଛେ ପଛେ ଗୋଡ଼ାଇବାରୁ ନେଉଟି ଆସି ସେମାନଙ୍କ ଛାଉଣି ଲୁଟ କଲେ।
\v 54 ପୁଣି, ଦାଉଦ ସେହି ପଲେଷ୍ଟୀୟର ମସ୍ତକ ନେଇ ଯିରୂଶାଲମକୁ ଆଣିଲେ; ମାତ୍ର ତାହାର ସଜ୍ଜା ଆପଣା ତମ୍ବୁରେ ରଖିଲେ।
\s5
\v 55 ସେହି ପଲେଷ୍ଟୀୟ ବିରୁଦ୍ଧରେ ଦାଉଦଙ୍କୁ ବାହାରିବାର ଦେଖି ଶାଉଲ ସୈନ୍ୟର ସେନାପତି ଅବ୍‍ନରକୁ କହିଲେ; ଅବ୍‍ନର, ଏ ଯୁବା କାହାର ପୁଅ ? ଅବ୍‍ନର କହିଲା, ହେ ମହାରାଜ, ଆପଣଙ୍କ ପ୍ରାଣ ଜୀବିତ ଥିବା ପ୍ରମାଣେ କହୁଛି, ମୁଁ କହି ପାରିବି ନାହିଁ।
\v 56 ତହିଁରେ ରାଜା କହିଲେ, ପଚାର, ଏ ଭେଣ୍ଡିଆଟି କାହାର ପୁଅ ?
\s5
\v 57 ଆଉ ଦାଉଦ ପଲେଷ୍ଟୀୟକୁ ବଧ କରି ପଲେଷ୍ଟୀୟର ମସ୍ତକ ହସ୍ତରେ ଧରି ଫେରି ଆସିବା ବେଳେ ଅବ୍‍ନର ତାଙ୍କୁ ନେଇ ଶାଉଲଙ୍କ ସମ୍ମୁଖକୁ ଆଣିଲା।
\v 58 ତହୁଁ ଶାଉଲ ତାଙ୍କୁ ପଚାରିଲେ, ହେ ଯୁବକ, ତୁମ୍ଭେ କାହାର ପୁଅ ? ଦାଉଦ ଉତ୍ତର ଦେଲେ, ମୁଁ ଆପଣଙ୍କ ଦାସ ବେଥଲିହିମୀୟ ଯିଶୀର ପୁଅ।
\s5
\c 18
\s ଦାଉଦ-ଯୋନାଥନଙ୍କ ବନ୍ଧୁତା
\p
\v 1 ଏଥିଉତ୍ତାରେ ଶାଉଲଙ୍କ ସହିତ ତାଙ୍କର କଥା ସମାପ୍ତ ହୁଅନ୍ତେ, ଯୋନାଥନର ପ୍ରାଣ ଦାଉଦଙ୍କର ପ୍ରାଣରେ ସଂଲଗ୍ନ ହେଲା, ଆଉ ଯୋନାଥନ ଆପଣା ପ୍ରାଣ ପରି ତାଙ୍କୁ ସ୍ନେହ କଲା।
\v 2 ପୁଣି, ଶାଉଲ ସେହି ଦିନ ତାଙ୍କୁ ଗ୍ରହଣ କରି ତାଙ୍କର ପିତୃଗୃହକୁ ଆଉ ଯିବାକୁ ଦେଲେ ନାହିଁ।
\s5
\v 3 ଆଉ ଯୋନାଥନ ଦାଉଦଙ୍କୁ ଆପଣା ପ୍ରାଣ ପରି ସ୍ନେହ କରିବାରୁ ସେମାନେ ଏକ ନିୟମ କଲେ।
\v 4 ପୁଣି, ଯୋନାଥନ ଆପଣା ଦେହରୁ ଚୋଗା କାଢ଼ି ଦାଉଦଙ୍କୁ ଦେଲା, ମଧ୍ୟ ଆପଣା ବସ୍ତ୍ର ଓ ଖଡ୍ଗ ଓ ଧନୁ ଓ କଟିବନ୍ଧନ ପର୍ଯ୍ୟନ୍ତ ତାଙ୍କୁ ଦେଲା।
\s5
\v 5 ଆଉ ଶାଉଲ ଦାଉଦଙ୍କୁ ଯେକୌଣସି ସ୍ଥାନକୁ ପଠାନ୍ତି, ସେ ସେଠାକୁ ଯାଇ ବୁଦ୍ଧିରେ କାର୍ଯ୍ୟ କରନ୍ତି, ଏହେତୁ ଶାଉଲ ତାଙ୍କୁ ଯୋଦ୍ଧାମାନଙ୍କ ଉପରେ ନିଯୁକ୍ତ କଲେ ଓ ଏହା ସମସ୍ତ ଲୋକଙ୍କ ଦୃଷ୍ଟିରେ ଓ ଶାଉଲଙ୍କ ଦାସମାନଙ୍କ ଦୃଷ୍ଟିରେ ମଧ୍ୟ ଉତ୍ତମ ଦେଖାଗଲା।
\s ଦାଉଦଙ୍କ ପ୍ରତି ଶାଉଲଙ୍କ ଈର୍ଷା
\p
\s5
\v 6 ଦାଉଦ ପଲେଷ୍ଟୀୟକୁ ବଧ କରି ଫେରିଲା ବେଳେ ଲୋକମାନେ ଆସୁ ଆସୁ ଏପରି ହେଲା ଯେ, ଇସ୍ରାଏଲୀୟ ସମସ୍ତ ନଗରରୁ ସ୍ତ୍ରୀମାନେ ବାହାରି ଦାରା, ଆନନ୍ଦଧ୍ୱନି ଓ ତ୍ରିତନ୍ତ୍ରୀ ବାଦ୍ୟ ସହିତ ଗାୟନ ଓ ନୃତ୍ୟ କରୁ କରୁ ଶାଉଲ ରାଜାଙ୍କୁ ଭେଟିବା ପାଇଁ ଆସିଲେ।
\v 7 ଆଉ ସେହି ସ୍ତ୍ରୀମାନେ ବାଦ୍ୟ କରୁ କରୁ ଉତ୍ତର ପ୍ରତ୍ୟୁତ୍ତର କ୍ରମେ ଗାୟନ କରି କହିଲେ: ଶାଉଲ ବଧ କଲେ ସହସ୍ର ସହସ୍ର, ଦାଉଦ ବଧ କଲେ ଅୟୁତ ଅୟୁତ।
\p
\s5
\v 8 ଏଥିରେ ଶାଉଲ ଅତି କ୍ରୁଦ୍ଧ ହେଲେ ଓ ଏହି କଥା ତାଙ୍କର ଦୃଷ୍ଟିରେ ମନ୍ଦ ବୋଧ ହେଲା; ଏଣୁ ସେ କହିଲେ, ସେମାନେ ଦାଉଦକୁ ଅୟୁତ ଅୟୁତର ଜୟୀ ଓ ଆମ୍ଭଙ୍କୁ କେବଳ ସହସ୍ର ସହସ୍ରର ଜୟୀ ବୋଲି କହିଲେ; ରାଜତ୍ୱ ଛଡ଼ା ତାହାର ଆଉ କଅଣ ପାଇବାର ବାକି ଅଛି ?
\v 9 ସେହି ଦିନାବଧି ଶାଉଲ ଦାଉଦଙ୍କ ପ୍ରତି କୁଦୃଷ୍ଟି ରଖିଲେ।
\s5
\v 10 ପରଦିନ ପରମେଶ୍ୱରଙ୍କଠାରୁ ମନ୍ଦ-ଆତ୍ମା ଶାଉଲଙ୍କୁ ଆକ୍ରାନ୍ତ କରନ୍ତେ, ସେ ଗୃହ ମଧ୍ୟରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରିବାକୁ ଲାଗିଲେ; ପୁଣି, ଦାଉଦ ପ୍ରତିଦିନ ପରି ହସ୍ତରେ ବାଦ୍ୟ ବଜାଇଲେ; ସେସମୟରେ ଶାଉଲଙ୍କ ହସ୍ତରେ ବର୍ଚ୍ଛା ଥିଲା।
\v 11 ତହୁଁ ଶାଉଲ ବର୍ଚ୍ଛା ଫିଙ୍ଗିଲେ; କାରଣ ସେ କହିଲେ, ମୁଁ ଦାଉଦକୁ କାନ୍ଥରେ ଫୋଡ଼ିବି। ମାତ୍ର ଦାଉଦ ତାଙ୍କ ନିକଟରୁ ଦୁଇଥର ଘୁଞ୍ଚିଗଲେ।
\v 12 ପୁଣି, ଶାଉଲ ଦାଉଦଙ୍କୁ ଭୟ କଲେ, କାରଣ ସଦାପ୍ରଭୁ ତାଙ୍କ ସଙ୍ଗରେ ଥିଲେ ଓ ଶାଉଲଙ୍କୁ ତ୍ୟାଗ କରିଥିଲେ।
\s5
\v 13 ଏହେତୁ ଶାଉଲ ଆପଣା ନିକଟରୁ ତାଙ୍କୁ ଅନ୍ତର କରି ତାଙ୍କୁ ସହସ୍ର ଉପରେ ଆପଣାର ସେନାପତି କଲେ; ଆଉ ସେ ଲୋକମାନଙ୍କ ସମ୍ମୁଖରେ ଗତାୟାତ କଲେ।
\v 14 ଆଉ ଦାଉଦ ଆପଣାର ସବୁ କଥାରେ ବୁଦ୍ଧିମାନ ହେଲେ ଓ ସଦାପ୍ରଭୁ ତାଙ୍କ ସଙ୍ଗରେ ହେଲେ।
\s5
\v 15 ପୁଣି, ଯେତେବେଳେ ଶାଉଲ ତାଙ୍କୁ ଅତି ବୁଦ୍ଧିମାନ ଦେଖିଲେ, ସେ ତାଙ୍କ ବିଷୟରେ ଭୀତ ହେଲେ।
\v 16 ମାତ୍ର ସମସ୍ତ ଇସ୍ରାଏଲ ଓ ଯିହୁଦା ଦାଉଦଙ୍କୁ ପ୍ରେମ କଲେ; କାରଣ ସେ ସେମାନଙ୍କ ସମ୍ମୁଖରେ ଗତାୟାତ କଲେ।
\s ମୀଖଲଙ୍କ ସହ ଦାଉଦଙ୍କ ବିବାହ
\p
\s5
\v 17 ଏଥିଉତ୍ତାରେ ଶାଉଲ ଦାଉଦଙ୍କୁ କହିଲେ, ମେରବ୍‍ ନାମ୍ନୀ ମୋହର ଜ୍ୟେଷ୍ଠା କନ୍ୟାକୁ ଦେଖ, ମୁଁ ତୁମ୍ଭ ସଙ୍ଗରେ ତାହାର ବିବାହ ଦେବି; କେବଳ ତୁମ୍ଭେ ମୋହର ପକ୍ଷରେ ବିକ୍ରମୀ ହୁଅ ଓ ସଦାପ୍ରଭୁଙ୍କ ଯୁଦ୍ଧରେ ଯୁଦ୍ଧ କର। ଶାଉଲ ମନେ କଲେ, ମୋହର ହସ୍ତ ତାହା ଉପରେ ନ ଉଠୁ, ମାତ୍ର ପଲେଷ୍ଟୀୟମାନଙ୍କ ହସ୍ତ ତାହା ଉପରେ ଉଠୁ।
\v 18 ଏଥିରେ ଦାଉଦ ଶାଉଲଙ୍କୁ କହିଲେ, ମୁଁ କିଏ ଓ ମୋହର ଜୀବନ କଅଣ ଓ ଇସ୍ରାଏଲ ମଧ୍ୟରେ ମୋହର ପିତୃବଂଶ କଅଣ ଯେ, ମୁଁ ମହାରାଜାଙ୍କ ଜୁଆଁଇ ହେବି ?
\s5
\v 19 ମାତ୍ର ଯେଉଁ ସମୟରେ ଦାଉଦଙ୍କୁ ଶାଉଲଙ୍କର କନ୍ୟା ମେରବ୍‍ ଦତ୍ତ ହୋଇଥା’ନ୍ତା, ସେସମୟରେ ଏପରି ଘଟିଲା ଯେ, ସେ ମହୋଲାତୀୟ ଅଦ୍ରୀୟେଲକୁ ଭାର୍ଯ୍ୟା ରୂପେ ଦତ୍ତ ହେଲା।
\s5
\v 20 ପୁଣି, ଶାଉଲଙ୍କର କନ୍ୟା ମୀଖଲ ଦାଉଦଙ୍କୁ ପ୍ରେମ କଲା; ତହୁଁ ଲୋକମାନେ ଶାଉଲଙ୍କୁ ତାହା ଜଣାନ୍ତେ, ସେକଥା ତାଙ୍କ ଦୃଷ୍ଟିରେ ପସନ୍ଦ ହେଲା।
\v 21 ପୁଣି, ଶାଉଲ କହିଲେ, ମୁଁ ତାହାକୁ ସେହି କନ୍ୟା ଦେବି, ତହିଁରେ ସେ ତାହାର ଫାନ୍ଦ ସ୍ୱରୂପ ହେବ ଓ ପଲେଷ୍ଟୀୟମାନଙ୍କ ହସ୍ତ ତାହାର ପ୍ରତିକୂଳ ହେବ। ଏଣୁ ଶାଉଲ ଦାଉଦଙ୍କୁ କହିଲେ, ତୁମ୍ଭେ ଆଜି ଦ୍ୱିତୀୟବାର ମୋର ଜୁଆଁଇ ହେବ।
\s5
\v 22 ଏଉତ୍ତାରେ ଶାଉଲ ଆପଣା ଦାସମାନଙ୍କୁ ଆଜ୍ଞା ଦେଇ କହିଲେ, ତୁମ୍ଭେମାନେ ଗୋପନରେ ଦାଉଦ ସଙ୍ଗେ ଆଳାପ କରି କୁହ, ଦେଖ, ରାଜା ତୁମ୍ଭ ଉପରେ ସନ୍ତୁଷ୍ଟ ଅଛନ୍ତି ଓ ତାଙ୍କର ସମସ୍ତ ଦାସ ତୁମ୍ଭଙ୍କୁ ପ୍ରେମ କରୁଅଛନ୍ତି; ଏହେତୁ ତୁମ୍ଭେ ରାଜାଙ୍କର ଜୁଆଁଇ ହୁଅ।
\s5
\v 23 ତହିଁରେ ଶାଉଲଙ୍କର ଦାସମାନେ ଦାଉଦଙ୍କର କର୍ଣ୍ଣଗୋଚରରେ ଏହି କଥା କହିଲେ। ତହୁଁ ଦାଉଦ କହିଲେ, ରାଜାଙ୍କର ଜୁଆଁଇ ହେବା ତୁମ୍ଭମାନଙ୍କ ଦୃଷ୍ଟିରେ କି କ୍ଷୁଦ୍ର କଥା ? କାରଣ ମୁଁ ଦରିଦ୍ର ଲୋକ ଓ ଅଳ୍ପମାନ୍ୟ।
\v 24 ଏଥିରେ ଦାଉଦ ଏପରି ଏପରି କହିଲେ ବୋଲି ଶାଉଲଙ୍କ ଦାସମାନେ ତାଙ୍କୁ ଜଣାଇ କହିଲେ।
\s5
\v 25 ତହିଁରେ ଶାଉଲ କହିଲେ, ତୁମ୍ଭେମାନେ ଦାଉଦଙ୍କୁ ଏପରି କୁହ, ରାଜା କିଛି ମୂଲ୍ୟ ଚାହାନ୍ତି ନାହିଁ, ମାତ୍ର ରାଜାଙ୍କ ଶତ୍ରୁମାନଙ୍କଠାରୁ ପରିଶୋଧ ନେବା ନିମନ୍ତେ ପଲେଷ୍ଟୀୟମାନଙ୍କର ଶହେ ସୁନ୍ନତ ଚର୍ମ୍ମ ଚାହାନ୍ତି। ପଲେଷ୍ଟୀୟମାନଙ୍କ ହସ୍ତ ଦ୍ୱାରା ଦାଉଦଙ୍କୁ ବଧ କରିବା ପାଇଁ ଶାଉଲଙ୍କର ବିଚାର ଥିଲା।
\v 26 ପୁଣି, ତାଙ୍କର ଦାସମାନେ ଦାଉଦଙ୍କୁ ଏହି କଥା ଜଣାନ୍ତେ, ରାଜାଙ୍କର ଜୁଆଁଇ ହେବା ପାଇଁ ଦାଉଦଙ୍କ ଦୃଷ୍ଟିରେ ପସନ୍ଦ ହେଲା।
\s5
\v 27 ଏଥିଉତ୍ତାରେ କାଳ ସମ୍ପୂର୍ଣ୍ଣ ନୋହୁଣୁ, ଦାଉଦ ଓ ତାଙ୍କର ଲୋକମାନେ ଉଠିଯାଇ ପଲେଷ୍ଟୀୟମାନଙ୍କର ଦୁଇ ଶହ ଲୋକଙ୍କୁ ବଧ କଲେ; ପୁଣି, ଦାଉଦ ସେମାନଙ୍କର ସୁନ୍ନତ ଚର୍ମ ଆଣିଲେ, ତହୁଁ ସେ ଯେପରି ରାଜାଙ୍କର ଜୁଆଁଇ ହେବେ, ଏଥିପାଇଁ ପୂର୍ଣ୍ଣ ସଂଖ୍ୟାନୁସାରେ ତାହା ରାଜାଙ୍କୁ ଦେଲେ। ତହିଁରେ ଶାଉଲ ତାଙ୍କୁ ଆପଣା କନ୍ୟା ମୀଖଲକୁ ଭାର୍ଯ୍ୟା ରୂପେ ଦାନ କଲେ।
\v 28 ଆଉ ସଦାପ୍ରଭୁ ଦାଉଦଙ୍କର ସଙ୍ଗରେ ଅଛନ୍ତି; ଏହା ଶାଉଲ ଦେଖିଲେ ଓ ଜାଣିଲେ; ମଧ୍ୟ ଶାଉଲଙ୍କର କନ୍ୟା ମୀଖଲ
\f +
\fr 18:28
\fq ଶାଉଲଙ୍କର କନ୍ୟା ମୀଖଲ
\ft କିମ୍ବା ସମସ୍ତ ଇସ୍ରାଏଲ ଲୋକମାନେ
\f* ତାଙ୍କୁ ପ୍ରେମ କଲା।
\v 29 ଏହେତୁ ଶାଉଲ ଦାଉଦଙ୍କର ବିଷୟରେ ଅଧିକ ଭୀତ ହେଲେ; ଆଉ ଶାଉଲ ସର୍ବଦା ଦାଉଦଙ୍କର ଶତ୍ରୁ ହେଲେ।
\s5
\v 30 ଏଥିଉତ୍ତାରେ ପଲେଷ୍ଟୀୟ ଅଧିପତିମାନେ ବାହାରିବାକୁ ଲାଗିଲେ; ପୁଣି, ସେମାନେ ଯେତେ ଥର ବାହାରିଲେ, ସେତେ ଥର ଦାଉଦ ଶାଉଲଙ୍କର ସମସ୍ତ ଦାସ ଅପେକ୍ଷା ଅଧିକ ବୁଦ୍ଧିର କାର୍ଯ୍ୟ କଲେ; ଏଣୁ ତାଙ୍କର ନାମ ଅତିଶୟ ମାନ୍ୟ ହେଲା।
\s5
\c 19
\s ଦାଉଦ ଶାଉଲଙ୍କ ଦ୍ୱାରା ଉତ୍ପୀଡ଼ିତ
\p
\v 1 ଏଥିଉତ୍ତାରେ ଦାଉଦଙ୍କୁ ବଧ କରିବା ପାଇଁ ଶାଉଲ ଆପଣା ପୁତ୍ର ଯୋନାଥନକୁ ଓ ଆପଣା ଦାସ ସମସ୍ତଙ୍କୁ କହିଲେ।
\v 2 ମାତ୍ର ଶାଉଲଙ୍କର ପୁତ୍ର ଯୋନାଥନ ଦାଉଦଙ୍କଠାରେ ଅତ୍ୟନ୍ତ ଅନୁରକ୍ତ ଥିଲା। ଏହେତୁ ଯୋନାଥନ ଦାଉଦଙ୍କୁ କହିଲା, ମୋର ପିତା ଶାଉଲ ତୁମ୍ଭକୁ ବଧ କରିବାକୁ ଚାହାନ୍ତି; ଏଥିପାଇଁ ମୁଁ ବିନୟ କରୁଅଛି, ତୁମ୍ଭେ ପ୍ରାତଃକାଳରେ ଆପଣା ବିଷୟରେ ସାବଧାନ ହୋଇ କୌଣସି ଗୁପ୍ତ ସ୍ଥାନରେ ରହି ଆପଣାକୁ ଲୁଚାଅ;
\v 3 ପୁଣି, ତୁମ୍ଭେ ଯେଉଁ କ୍ଷେତ୍ରରେ ଥିବ, ସେସ୍ଥାନକୁ ମୁଁ ଯାଇ ମୋହର ପିତାଙ୍କ ପାଖରେ ଠିଆ ହୋଇ ତୁମ୍ଭ ବିଷୟରେ ମୋର ପିତାଙ୍କ ସଙ୍ଗେ କଥୋପକଥନ କରିବି; ଯେବେ ମୁଁ କିଛି ଦେଖିବି, ତେବେ ତୁମ୍ଭକୁ ଜଣାଇବି।
\s5
\v 4 ପୁଣି, ଯୋନାଥନ ଆପଣା ପିତା ଶାଉଲଙ୍କୁ ଦାଉଦଙ୍କ ବିଷୟରେ ଭଲ କଥା କହି ତାଙ୍କୁ କହିଲା, ମହାରାଜ, ଆପଣା ଦାସ ଦାଉଦ ବିରୁଦ୍ଧରେ ପାପ ନ କରନ୍ତୁ, ଯେହେତୁ ସେ ଆପଣଙ୍କ ବିରୁଦ୍ଧରେ ପାପ କରି ନାହିଁ; ମାତ୍ର ତାହାର ସମସ୍ତ କର୍ମ ଆପଣଙ୍କ ପକ୍ଷରେ ଅତି ମଙ୍ଗଳଜନକ ହୋଇଅଛି;
\v 5 କାରଣ ସେ ଆପଣା ପ୍ରାଣ ହସ୍ତରେ ଧରି ସେହି ପଲେଷ୍ଟୀୟକୁ ବଧ କଲା, ତହିଁରେ ସଦାପ୍ରଭୁ ସମୁଦାୟ ଇସ୍ରାଏଲ ନିମନ୍ତେ ମହା ଉଦ୍ଧାର ସାଧନ କଲେ; ଆପଣ ତାହା ଦେଖିଥିଲେ ଓ ଆନନ୍ଦ କରିଥିଲେ; ତେବେ ଆପଣ ବିନା କାରଣରେ ଦାଉଦକୁ ବଧ କରି କାହିଁକି ନିର୍ଦ୍ଦୋଷ ରକ୍ତ ବିରୁଦ୍ଧରେ ପାପ କରିବେ ?
\s5
\v 6 ଏଥିରେ ଶାଉଲ ଯୋନାଥନର ରବ ଶୁଣିଲେ; ପୁଣି, ଶାଉଲ ଶପଥ କରି କହିଲେ, ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ସେ ହତ ହେବେ ନାହିଁ।
\v 7 ଏଉତ୍ତାରେ ଯୋନାଥନ ଦାଉଦଙ୍କୁ ଡାକିଲା ଓ ଯୋନାଥନ ତାଙ୍କୁ ସେ ସମସ୍ତ କଥା ଜଣାଇଲା। ପୁଣି, ଯୋନାଥନ ଦାଉଦଙ୍କୁ ଶାଉଲଙ୍କ ନିକଟକୁ ଆଣିଲା, ତହିଁରେ ସେ ପୂର୍ବ ପରି ତାଙ୍କ ସମ୍ମୁଖରେ ରହିଲେ।
\s5
\v 8 ଏଥିଉତ୍ତାରେ ପୁନର୍ବାର ଯୁଦ୍ଧ ହେଲା; ତହିଁରେ ଦାଉଦ ବାହାରି ପଲେଷ୍ଟୀୟମାନଙ୍କ ସଙ୍ଗେ ଯୁଦ୍ଧ କରି ସେମାନଙ୍କୁ ମହାସଂହାରରେ ବଧ କଲେ; ତହୁଁ ସେମାନେ ତାଙ୍କ ସମ୍ମୁଖରୁ ପଳାୟନ କଲେ।
\v 9 ଏଉତ୍ତାରେ ଶାଉଲ ଆପଣା ହାତରେ ବର୍ଚ୍ଛା ଧରି ଗୃହରେ ବସିଥିବା ବେଳେ ସଦାପ୍ରଭୁଙ୍କଠାରୁ ଏକ ମନ୍ଦ ଆତ୍ମା ତାଙ୍କ ଉପରକୁ ଆସିଲା; ସେସମୟରେ ଦାଉଦ ଆପଣା ହସ୍ତରେ ବାଦ୍ୟ ବଜାଉଥିଲେ,
\s5
\v 10 ଏପରି ସମୟରେ ଶାଉଲ ବର୍ଚ୍ଛାରେ ଦାଉଦଙ୍କୁ କାନ୍ଥରେ ଫୋଡ଼ି ପକାଇବାକୁ ଚାହିଁଲେ; ମାତ୍ର ସେ ଶାଉଲଙ୍କ ସମ୍ମୁଖରୁ ଘୁଞ୍ଚିଯିବାରୁ ବର୍ଚ୍ଛା କାନ୍ଥରେ ଫୋଡ଼ି ହୋଇଗଲା; ପୁଣି, ଦାଉଦ ପଳାଇ ସେହି ରାତ୍ରି ରକ୍ଷା ପାଇଲେ।
\v 11 ତହୁଁ ଦାଉଦଙ୍କୁ ଜଗି ସକାଳେ ବଧ କରିବା ପାଇଁ ତାଙ୍କର ଗୃହକୁ ଶାଉଲ ଦୂତମାନଙ୍କୁ ପଠାଇଲେ; ଏଥିରେ ଦାଉଦଙ୍କର ଭାର୍ଯ୍ୟା ମୀଖଲ ତାଙ୍କୁ କହିଲା, ତୁମ୍ଭେ ଆଜି ରାତ୍ରି ଆପଣା ପ୍ରାଣରକ୍ଷା ନ କଲେ, କାଲି ହତ ହେବ।
\s5
\v 12 ତେଣୁ ମୀଖଲ ଝରକା ଦେଇ ଦାଉଦଙ୍କୁ ଓହ୍ଲାଇ ଦେଲା; ଏଥିରେ ସେ ଗଲେ ଓ ପଳାଇ ରକ୍ଷା ପାଇଲେ।
\v 13 ତହୁଁ ମୀଖଲ ମୂର୍ତ୍ତି ନେଇ ଶଯ୍ୟାରେ ଶୁଆଇଲା ଓ ଛାଗଲୋମ ନିର୍ମିତ ରେଜାଇ ତହିଁର ମସ୍ତକରେ ଦେଇ ତାହାକୁ ଚାଦରରେ ଘୋଡ଼ାଇ ରଖିଲା।
\s5
\v 14 ଏଉତ୍ତାରେ ଦାଉଦଙ୍କୁ ଧରି ନେବା ପାଇଁ ଶାଉଲ ଦୂତମାନଙ୍କୁ ପଠାନ୍ତେ, ମୀଖଲ କହିଲା, ସେ ପୀଡ଼ିତ ଅଛନ୍ତି।
\v 15 ତହିଁରେ ଶାଉଲ ଦାଉଦଙ୍କୁ ଦେଖିବା ପାଇଁ ଦୂତମାନଙ୍କୁ ପଠାଇ କହିଲେ, ତାହାକୁ ଶଯ୍ୟାରେ ମୋ’ ନିକଟକୁ ଆଣ, ମୁଁ ତାହାକୁ ବଧ କରିବି।
\s5
\v 16 ତହୁଁ ଦୂତମାନେ ଭିତରେ ଯାଆନ୍ତେ, ଦେଖ, ଶଯ୍ୟାରେ ମୂର୍ତ୍ତି ଅଛି ଓ ତହିଁର ମସ୍ତକରେ ଛାଗଲୋମ ନିର୍ମିତ ରେଜାଇ ଅଛି।
\v 17 ଏଣୁ ଶାଉଲ ମୀଖଲକୁ କହିଲେ, ତୁମ୍ଭେ କାହିଁକି ମୋତେ ଏରୂପ ପ୍ରବଞ୍ଚନା କଲ ଓ ମୋ’ ଶତ୍ରୁକୁ ଛାଡ଼ିଦେଲ ଯେ, ସେ ପଳାଇଗଲା ? ତହିଁରେ ମୀଖଲ ଶାଉଲଙ୍କୁ ଉତ୍ତର କଲା, ସେ ମୋତେ କହିଲେ, ମୋତେ ଛାଡ଼ିଦିଅ; ମୁଁ କାହିଁକି ତୁମ୍ଭକୁ ବଧ କରିବି ?
\s5
\v 18 ଏଥି ମଧ୍ୟରେ ଦାଉଦ ପଳାଇ ରକ୍ଷା ପାଇଲେ ଓ ରାମାରେ ଶାମୁୟେଲଙ୍କ ନିକଟକୁ ଯାଇ ଶାଉଲ ତାଙ୍କ ପ୍ରତି ଯାହା କରିଥିଲେ, ତାହା ସବୁ ତାଙ୍କୁ ଜଣାଇଲେ। ତହୁଁ ସେ ଓ ଶାମୁୟେଲ ଯାଇ ନାୟୋତରେ ବାସ କଲେ।
\v 19 ଏଉତ୍ତାରେ ଶାଉଲଙ୍କୁ ଜଣାଇ ଦିଆଗଲା, ଦେଖ, ଦାଉଦ ରାମାସ୍ଥିତ ନାୟୋତରେ ଅଛନ୍ତି।
\v 20 ତେଣୁ ଶାଉଲ ଦାଉଦଙ୍କୁ ଧରିବା ପାଇଁ ଦୂତମାନଙ୍କୁ ପଠାଇଲେ; ମାତ୍ର ସେମାନେ ଭବିଷ୍ୟଦ୍‍ବକ୍ତା ଦଳକୁ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରିବାର ଓ ସେମାନଙ୍କ ଉପରେ ନିଯୁକ୍ତ ଶାମୁୟେଲଙ୍କୁ ଠିଆ ହେବାର ଦେଖନ୍ତେ, ପରମେଶ୍ୱରଙ୍କ ଆତ୍ମା ଶାଉଲଙ୍କର ଦୂତମାନଙ୍କ ଉପରକୁ ଆସିଲେ, ତହିଁରେ ସେମାନେ ମଧ୍ୟ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କଲେ।
\s5
\v 21 ଆଉ ଏହି କଥା ଶାଉଲଙ୍କୁ ଜଣାଇ ଦିଆଯାଆନ୍ତେ, ସେ ଅନ୍ୟ ଦୂତମାନଙ୍କୁ ପଠାଇଲେ, ମାତ୍ର ସେମାନେ ମଧ୍ୟ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କଲେ। ଏଉତ୍ତାରେ ଶାଉଲ ପୁନର୍ବାର ତୃତୀୟ ଥର ଦୂତମାନଙ୍କୁ ପଠାଇଲେ ଓ ସେମାନେ ମଧ୍ୟ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କଲେ।
\v 22 ତେବେ ସେ ନିଜେ ମଧ୍ୟ ରାମାକୁ ଯାଇ ସେଖୁସ୍ଥିତ ବୃହତ କୂପ ନିକଟରେ ଉପସ୍ଥିତ ହେଲେ; ପୁଣି, ସେ ପଚାରି କହିଲେ, ଶାମୁୟେଲ ଓ ଦାଉଦ କେଉଁଠାରେ ଅଛନ୍ତି ? ଏଥିରେ ଜଣେ କହିଲା, ଦେଖ, ସେମାନେ ରାମାସ୍ଥିତ ନାୟୋତରେ ଅଛନ୍ତି।
\s5
\v 23 ତେଣୁ ସେ ରାମାସ୍ଥିତ ନାୟୋତକୁ ଗଲେ; ତହିଁରେ ପରମେଶ୍ୱରଙ୍କ ଆତ୍ମା ତାଙ୍କ ଉପରକୁ ମଧ୍ୟ ଆସନ୍ତେ, ସେ ଯାଉ ଯାଉ ରାମାସ୍ଥିତ ନାୟୋତରେ ଉପସ୍ଥିତ ହେବା ପର୍ଯ୍ୟନ୍ତ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କଲେ।
\v 24 ପୁଣି, ସେ ମଧ୍ୟ ଆପଣା ବସ୍ତ୍ର କାଢ଼ି ଶାମୁୟେଲଙ୍କ ସମ୍ମୁଖରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କଲେ, ଆଉ ସେହି ସାରାଦିନ ଓ ସାରାରାତ୍ରି ପୋଷାକ ନ ପିନ୍ଧି ପଡ଼ି ରହିଲେ। ତେଣୁ ଲୋକେ କହନ୍ତି, ଶାଉଲ ହିଁ କି ଭବିଷ୍ୟଦ୍‍ବକ୍ତାମାନଙ୍କ ମଧ୍ୟରେ ଜଣେ ?
\s5
\c 20
\s ଦାଉଦଙ୍କୁ ଯୋନାଥନର ସାହାଯ୍ୟ
\p
\v 1 ଏଥିଉତ୍ତାରେ ଦାଉଦ ରାମାସ୍ଥିତ ନାୟୋତରୁ ପଳାଇ ଆସି ଯୋନାଥନ ଆଗରେ କହିଲେ, ମୁଁ କଅଣ କଲି ? ମୋହର ଅପରାଧ କଅଣ ? ଓ ତୁମ୍ଭ ପିତାଙ୍କ ଛାମୁରେ ମୋହର ପାପ କଅଣ ଯେ, ସେ ମୋର ପ୍ରାଣ ଚାହୁଁଅଛନ୍ତି ?
\v 2 ତହୁଁ ସେ ତାଙ୍କୁ କହିଲା; ଏହା ନ ହେଉ; ତୁମ୍ଭେ ମରିବ ନାହିଁ; ଦେଖ, ମୋହର ପିତା ମୋର କର୍ଣ୍ଣଗୋଚର ନ କରି ବଡ଼ କି ସାନ କୌଣସି କର୍ମ କରନ୍ତି ନାହିଁ; ତେବେ ମୋହର ପିତା ମୋ’ଠାରୁ ଏହି କଥା କାହିଁକି ଗୋପନ କରିବେ ? ସେପରି ନୁହେଁ।
\s5
\v 3 ତହିଁରେ ଦାଉଦ ଶପଥ କରି ପୁନର୍ବାର କହିଲେ, ମୁଁ ଯେ ତୁମ୍ଭ ଦୃଷ୍ଟିରେ ଅନୁଗ୍ରହ ପାଇଅଛି, ଏହା ତୁମ୍ଭ ପିତା ଉତ୍ତମ ରୂପେ ଜାଣନ୍ତି; ଏଣୁ ସେ କହନ୍ତି, ଯୋନାଥନ ଏହା ନ ଜାଣୁ, ଜାଣିଲେ ସେ ଦୁଃଖିତ ହେବ; ମାତ୍ର ଯାହା ହେଉ, ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ଓ ତୁମ୍ଭ ପ୍ରାଣ ଜୀବିତ ଥିବା ପ୍ରମାଣେ ମୁଁ କହୁଅଛି ଯେ, ମୋର ଓ ମରଣ ମଧ୍ୟରେ ପାହୁଣ୍ଡେ ମାତ୍ର ଅଛି।
\s5
\v 4 ତେବେ ଯୋନାଥନ ଦାଉଦଙ୍କୁ କହିଲା, ତୁମ୍ଭ ପ୍ରାଣ ଯାହା ବାଞ୍ଛା କରେ, ତାହା ମୁଁ ତୁମ୍ଭ ପାଇଁ କରିବି।
\v 5 ତହୁଁ ଦାଉଦ ଯୋନାଥନକୁ କହିଲେ, ଦେଖ, କାଲି ଅମାବାସ୍ୟା, ପୁଣି, ରାଜାଙ୍କ ସଙ୍ଗେ ଭୋଜନରେ ବସିବା ପାଇଁ ମୋତେ ତ୍ରୁଟି କରିବାକୁ ହେବ ନାହିଁ; ମାତ୍ର ମୋତେ ଯିବାକୁ ଦିଅ, ମୁଁ ତୃତୀୟ ଦିନର ସନ୍ଧ୍ୟା ପର୍ଯ୍ୟନ୍ତ କ୍ଷେତ୍ରରେ ଲୁଚି ରହିବି।
\s5
\v 6 ଯେବେ ତୁମ୍ଭ ପିତା ମୋ’ ବିଷୟ କିଛି ପଚାରିବେ, ତେବେ କହିବ, ଦାଉଦ ଆପଣା ନଗର ବେଥଲିହିମକୁ ଧାଇଁ ଯିବା ପାଇଁ ମୋତେ ବହୁତ କହିଲା, କାରଣ ସେସ୍ଥାନରେ ସମୁଦାୟ ପରିବାର ନିମନ୍ତେ ବାର୍ଷିକ ବଳିଦାନ ହେବ।
\v 7 ଏଥିରେ ସେ ଯେବେ କହିବେ, ଭଲ, ତେବେ ତୁମ୍ଭ ଦାସର କୁଶଳ ହେବ; ମାତ୍ର ସେ ଯେବେ ଅତି କ୍ରୋଧ କରନ୍ତି, ତେବେ ଜାଣ ଯେ, ତାଙ୍କ ଦ୍ୱାରା ଅମଙ୍ଗଳ ସ୍ଥିର ହୋଇଅଛି।
\s5
\v 8 ଏହେତୁ ତୁମ୍ଭେ ଆପଣାର ଦାସ ପ୍ରତି ଦୟା କର; କାରଣ ତୁମ୍ଭେ ଆପଣା ସହିତ ଆପଣା ଦାସକୁ ସଦାପ୍ରଭୁଙ୍କ ଏକ ନିୟମରେ ଆବଦ୍ଧ କରିଅଛ; ମାତ୍ର ମୋହର ଯେବେ କୌଣସି ଅପରାଧ ଥାଏ, ତେବେ ତୁମ୍ଭେ ନିଜେ ମୋତେ ବଧ କର; ତୁମ୍ଭ ପିତାଙ୍କ ନିକଟକୁ କାହିଁକି ମୋତେ ନେଇ ଯିବ ?
\v 9 ତହିଁରେ ଯୋନାଥନ କହିଲା, ତାହା ତୁମ୍ଭଠାରୁ ଦୂର ହେଉ; କାରଣ ତୁମ୍ଭ ପ୍ରତି ଅମଙ୍ଗଳ ଘଟଣା ମୋ’ ପିତାଙ୍କ ଦ୍ୱାରା ସ୍ଥିର ହୋଇଥିବାର ଯେବେ ମୁଁ ଜାଣିବି, ତେବେ ମୁଁ କି ତାହା ତୁମ୍ଭକୁ କହିବି ନାହିଁ ?
\s5
\v 10 ତହୁଁ ଦାଉଦ ଯୋନାଥନକୁ କହିଲେ, ତୁମ୍ଭ ପିତା ଯେବେ କଟୁ ଭାବରେ ତୁମ୍ଭକୁ ଉତ୍ତର ଦେବେ, ତେବେ କିଏ ମୋତେ କହିବ ?
\v 11 ତହିଁରେ ଯୋନାଥନ ଦାଉଦଙ୍କୁ କହିଲା, ଆସ, ଆମ୍ଭେମାନେ କ୍ଷେତ୍ରକୁ ଯାଉ। ତହିଁରେ ସେ ଦୁହେଁ ବାହାରି କ୍ଷେତ୍ରକୁ ଗଲେ।
\s5
\v 12 ଏଉତ୍ତାରେ ଯୋନାଥନ ଦାଉଦଙ୍କୁ କହିଲା, ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ସାକ୍ଷୀ ରହିଲେ; ମୁଁ କାଲି ଏହି ସମୟରେ ବା ତୃତୀୟ ଦିନରେ ଆପଣା ପିତାଙ୍କ ମନ ବୁଝିଲା ଉତ୍ତାରେ, ଦେଖ, ଯେବେ ଦାଉଦଙ୍କ ପକ୍ଷରେ ମଙ୍ଗଳ ଥାଏ, ତେବେ ମୁଁ ତୁମ୍ଭ କତିକି ଲୋକ ପଠାଇ କି ତାହା ତୁମ୍ଭ କର୍ଣ୍ଣଗୋଚର ନ କରିବି ?
\v 13 ତୁମ୍ଭର ଅମଙ୍ଗଳ କରିବା ମୋ’ ପିତାଙ୍କର ମାନସ ଥିଲେ, ଯେବେ ମୁଁ ତାହା ତୁମ୍ଭ କର୍ଣ୍ଣଗୋଚର ନ କରେ ଓ ତୁମ୍ଭେ କୁଶଳରେ ଯିବା ପାଇଁ ଯେବେ ତୁମ୍ଭକୁ ପଠାଇ ନ ଦିଏ, ତେବେ ସଦାପ୍ରଭୁ ସେହି ଦଣ୍ଡ, ମଧ୍ୟ ତହିଁରୁ ଅଧିକ ମୋତେ ଦେଉନ୍ତୁ। ସଦାପ୍ରଭୁ ଯେପରି ମୋ ପିତାଙ୍କ ସଙ୍ଗୀ ହୋଇଅଛନ୍ତି, ସେପରି ତୁମ୍ଭ ସଙ୍ଗରେ ହେଉନ୍ତୁ।
\s5
\v 14 ହେଲେ ମୁଁ ଯେପରି ନ ମରେ, ଏଥିପାଇଁ ମୋହର ଯାବଜ୍ଜୀବନ ତୁମ୍ଭେ ସଦାପ୍ରଭୁଙ୍କ ଦୟା ମୋ’ ପ୍ରତି ପ୍ରକାଶ କରିବ;
\v 15 କେବଳ ତାହା ନୁହେଁ, ସଦାକାଳ ମୋ’ ବଂଶରୁ ତୁମ୍ଭେ ଆପଣା ଦୟା ଉଚ୍ଛିନ୍ନ କରିବ ନାହିଁ; ନା, ସଦାପ୍ରଭୁ ଦାଉଦଙ୍କର ପ୍ରତ୍ୟେକ ଶତ୍ରୁକୁ ଭୂତଳରୁ ଉଚ୍ଛିନ୍ନ କଲା ଉତ୍ତାରେ ମଧ୍ୟ କରିବ ନାହିଁ।
\v 16 ଏହିରୂପେ ଯୋନାଥନ ଦାଉଦ ବଂଶ ସହିତ ନିୟମ ସ୍ଥିର କରି କହିଲା, ସଦାପ୍ରଭୁ ଦାଉଦଙ୍କ ଶତ୍ରୁମାନଙ୍କ ହସ୍ତରୁ ପରିଶୋଧ ନେବେ।
\s5
\v 17 ଆଉ ଯୋନାଥନ ଦାଉଦଙ୍କୁ ସ୍ନେହ କରିବାରୁ ପୁନର୍ବାର ତାଙ୍କୁ ଶପଥ କରାଇଲା, କାରଣ ସେ ତାଙ୍କୁ ଆପଣା ପ୍ରାଣ ସମାନ ସ୍ନେହ କଲା।
\v 18 ପୁଣି, ଯୋନାଥନ ତାଙ୍କୁ କହିଲା, କାଲି ଅମାବାସ୍ୟା; ଆଉ ତୁମ୍ଭ ଆସନ ଶୂନ୍ୟ ହେଲେ ତୁମ୍ଭେ ଖୋଜାଯିବ।
\v 19 ଏଣୁ ତୁମ୍ଭେ ତିନି ଦିନ ରହିଲା ଉତ୍ତାରେ ଶୀଘ୍ର ଯାଇ କାର୍ଯ୍ୟଦିନରେ ଯେଉଁଠାରେ ଆପଣାକୁ ଲୁଚାଇଥିଲ, ସେହି ସ୍ଥାନରେ ଏଷଲ ନାମକ ପଥର ପାଖରେ ରହିବ।
\s5
\v 20 ପୁଣି, ମୁଁ ଲକ୍ଷ୍ୟ କରିବା ଛଳରେ ତହିଁର ପାର୍ଶ୍ୱକୁ ତିନି ତୀର ମାରିବି।
\v 21 ଆଉ ଦେଖ, ମୁଁ ଏକ ବାଳକକୁ ପଠାଇ କହିବି, ଯାଇ ତୀର ଖୋଜ। ମୁଁ ଯେବେ ସେହି ବାଳକକୁ କହେ, ଦେଖ, ତୀର ତୁମ୍ଭ ଏପାଖରେ ଅଛି, ତାହା ନେଇ ଆସ; ତେବେ ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ତୁମ୍ଭ ପାଇଁ ମଙ୍ଗଳ ଅଛି, କୌଣସି ଭୟ ନାହିଁ।
\s5
\v 22 ମାତ୍ର ଦେଖ, ତୁମ୍ଭ ସେପାଖରେ ତୀର ଅଛି, ଯେବେ ମୁଁ ସେ ବାଳକକୁ ଏପରି କହେ; ତେବେ ତୁମ୍ଭେ ଚାଲି ଯାଅ; କାରଣ ସଦାପ୍ରଭୁ ତୁମ୍ଭକୁ ବିଦାୟ କଲେ।
\v 23 ଆଉ ଦେଖ, ତୁମ୍ଭର ଓ ମୋହର ଏହି କଥୋପକଥନ ବିଷୟରେ ସଦାପ୍ରଭୁ ତୁମ୍ଭ ଓ ମୋ’ ମଧ୍ୟରେ ସାକ୍ଷୀ ରହିଲେ।
\s5
\v 24 ତହିଁରେ ଦାଉଦ କ୍ଷେତ୍ରରେ ଲୁଚିଲେ; ପୁଣି, ଅମାବାସ୍ୟା ଉପସ୍ଥିତ ହୁଅନ୍ତେ, ରାଜା ଭୋଜନରେ ବସିଲେ।
\v 25 ଆଉ ରାଜା ଅନ୍ୟ ସମୟ ପରି କାନ୍ଥ ନିକଟସ୍ଥ ଆପଣା ଆସନରେ ବସିଲେ; ଏଥିରେ ଯୋନାଥନ ଠିଆ ହେଲା
\f +
\fr 20:25
\fq ଯୋନାଥନ ଠିଆ ହେଲା
\ft ଯୋନଥନ ଅପର ପାର୍ଶ୍ବରେ ବସିଲେ
\f* ଓ ଅବ୍‍ନର ଶାଉଲଙ୍କ ପାଖରେ ବସିଲା; ମାତ୍ର ଦାଉଦଙ୍କର ସ୍ଥାନ ଶୂନ୍ୟ ଥିଲା।
\s5
\v 26 ତଥାପି ସେହିଦିନ ଶାଉଲ କିଛି କହିଲେ ନାହିଁ; କାରଣ ସେ ବିଚାର କଲେ, ତାହାକୁ କିଛି ଘଟିଅଛି, ସେ ଶୁଚି ନାହିଁ; ସେ ଅବଶ୍ୟ ଶୁଚି ନ ଥିବ।
\v 27 ମାତ୍ର ଅମାବାସ୍ୟାର ପର ଦିବସ ଦ୍ୱିତୀୟ ଦିନରେ ଦାଉଦଙ୍କର ସ୍ଥାନ ଶୂନ୍ୟ ହେଲା; ତହିଁରେ ଶାଉଲ ଆପଣା ପୁତ୍ର ଯୋନାଥନକୁ କହିଲେ, ଯିଶୀର ପୁତ୍ର କାହିଁକି ଭୋଜନକୁ ଆସୁ ନାହିଁ, କାଲି ନାହିଁ କି ଆଜି ନାହିଁ ?
\s5
\v 28 ତହୁଁ ଯୋନାଥନ ଶାଉଲଙ୍କୁ ଉତ୍ତର କଲା, ଦାଉଦ ବେଥଲିହିମକୁ ଯିବା ପାଇଁ ମୋତେ ବହୁତ କହିଲା,
\v 29 ଆଉ ସେ କହିଲା, ବିନୟ କରୁଅଛି, ମୋତେ ଯିବାକୁ ଦିଅ; କାରଣ ନଗରରେ ମୋର ପରିବାର ପାଇଁ ବଳିଦାନ ହେବାର ଅଛି ଓ ସେଠାରେ ଉପସ୍ଥିତ ହେବା ପାଇଁ ମୋହର ଭାଇ ମୋତେ ଆଜ୍ଞା ଦେଇଅଛନ୍ତି। ଏହେତୁ ମୁଁ ଯେବେ ତୁମ୍ଭ ଦୃଷ୍ଟିରେ ଅନୁଗ୍ରହ ପାଇଅଛି, ତେବେ ବିନୟ କରୁଅଛି ମୋର ଭାଇମାନଙ୍କୁ ଦେଖିବା ପାଇଁ ମୋତେ ଛାଡ଼ିଦିଅ। ଏହି କାରଣରୁ ସେ ରାଜାଙ୍କ ମେଜକୁ ଆସି ନାହିଁ।
\s5
\v 30 ଏଥିରେ ଯୋନାଥନ ପ୍ରତି ଶାଉଲଙ୍କ କ୍ରୋଧ ପ୍ରଜ୍ୱଳିତ ହେଲା ଓ ସେ ତାହାକୁ କହିଲେ, ଆରେ ବିପଥଗାମିନୀ ଦ୍ରୋହିଣୀର ପୁତ୍ର, ତୁ ଯେ ଆପଣାର ଲଜ୍ଜା ଓ ଆପଣା ମାତାର ଆବରଣୀୟର ଲଜ୍ଜା ନିମନ୍ତେ ଯିଶୀର ପୁତ୍ରକୁ ମନୋନୀତ କରିଅଛୁ, ଏହା କ’ଣ ମୁଁ ଜାଣୁ ନାହିଁ ?
\v 31 କାରଣ ସେହି ଯିଶୀର ପୁତ୍ର ଯେଯାଏ ଭୂତଳରେ ବଞ୍ଚିଥାଏ, ସେଯାଏ, ତୁ, କି ତୋ’ ରାଜ୍ୟ ସ୍ଥିର ହେବ ନାହିଁ। ଏଥିପାଇଁ ଏବେ ଲୋକ ପଠାଇ ତାକୁ ମୋ’ କତିକି ଆଣ, କାରଣ ସେ ନିଶ୍ଚୟ ମରିବ।
\s5
\v 32 ତହିଁରେ ଯୋନାଥନ ଆପଣା ପିତା ଶାଉଲଙ୍କୁ ଉତ୍ତର କରି କହିଲା, ସେ କାହିଁକି ହତ ହେବ ? ସେ କଅଣ କରିଅଛି ?
\v 33 ତହୁଁ ଶାଉଲ ତାହାକୁ ଆଘାତ କରିବା ପାଇଁ ତାହା ଉପରକୁ ଆପଣା ବର୍ଚ୍ଛା ଫୋପାଡ଼ିଲେ; ତଦ୍ଦ୍ୱାରା ଯୋନାଥନ ଜାଣିଲା ଯେ, ଦାଉଦଙ୍କୁ ବଧ କରିବା ଆପଣା ପିତାଙ୍କ ଦ୍ୱାରା ସ୍ଥିରୀକୃତ ହୋଇଅଛି।
\v 34 ଏହେତୁ ଯୋନାଥନ ପ୍ରଚଣ୍ଡ କ୍ରୋଧରେ ମେଜରୁ ଉଠିଲା ଓ ମାସର ଦ୍ୱିତୀୟ ଦିନରେ କିଛି ଭୋଜନ କଲା ନାହିଁ; କାରଣ ତାହାର ପିତା ଦାଉଦଙ୍କର ଅପକାର କରିବାରୁ ସେ ତାଙ୍କ ଲାଗି ଦୁଃଖିତ ହେଲା।
\s5
\v 35 ଏଉତ୍ତାରେ ପ୍ରାତଃକାଳରେ ଯୋନାଥନ ଦାଉଦଙ୍କ ସହିତ ନିରୂପିତ ସମୟରେ କ୍ଷେତ୍ରକୁ ବାହାରି ଗଲା, ଆଉ ତାହା ସଙ୍ଗେ ଗୋଟିଏ ସାନ ବାଳକ ଥିଲା।
\v 36 ପୁଣି, ସେ ଆପଣା ବାଳକକୁ କହିଲା, ମୁଁ ଯେଉଁ ତୀର ମାରିବି, ତାହାସବୁ ତୁ ଦୌଡ଼ି ଯାଇ ଖୋଜ୍‍। ଏଥିରେ ବାଳକ ଦୌଡ଼ନ୍ତେ, ସେ ତାହା ଉପର ଦେଇ ଯିବାକୁ ତୀର ମାରିଲା।
\v 37 ଆଉ ଯୋନାଥନ ଯେଉଁ ସ୍ଥାନକୁ ତୀର ମାରିଥିଲା, ସେହି ସ୍ଥାନରେ ବାଳକ ଉପସ୍ଥିତ ହୁଅନ୍ତେ, ଯୋନାଥନ ବାଳକକୁ ଡାକି କହିଲା, ତୀର ତୋ’ ସେପାଖରେ ଅଛି ପରା ?
\s5
\v 38 ଆହୁରି ଯୋନାଥନ ବାଳକକୁ ଡାକି କହିଲା, ଚଞ୍ଚଳ ଦୌଡ଼୍‍, ରହ ନା। ତହିଁରେ ଯୋନାଥନର ବାଳକ ତୀର ସାଉଣ୍ଟି ଆପଣା ପ୍ରଭୁ ନିକଟକୁ ଆସିଲା।
\v 39 ମାତ୍ର ସେ ବାଳକ କିଛି ଜାଣିଲା ନାହିଁ; କେବଳ ଯୋନାଥନ ଓ ଦାଉଦ ସେ କଥା ଜାଣିଲେ।
\v 40 ଏଉତ୍ତାରେ ଯୋନାଥନ ଆପଣା ବାଳକ ହସ୍ତରେ ଆପଣା ଶସ୍ତ୍ରାଦି ଦେଇ ତାହାକୁ କହିଲା, ଯା, ଏସବୁ ନଗରକୁ ନେ।
\s5
\v 41 ପୁଣି, ବାଳକ ଯିବା ମାତ୍ରେ ଦାଉଦ ଦକ୍ଷିଣ ଆଡ଼ର ଏକ ସ୍ଥାନରୁ ଉଠିଲେ ଓ ଭୂମିଷ୍ଠ ହୋଇ ତିନି ଥର ପ୍ରଣାମ କଲେ; ପୁଣି, ସେମାନେ ପରସ୍ପରକୁ ଚୁମ୍ବନ କଲେ ଓ ଏକ ଆରେକ ସଙ୍ଗେ ରୋଦନ କଲେ, ମାତ୍ର ଦାଉଦ ବଳି ପଡ଼ିଲେ।
\v 42 ଏଥିରେ ଯୋନାଥନ ଦାଉଦଙ୍କୁ କହିଲା, କୁଶଳରେ ଯାଅ, ଆମ୍ଭେ ଦୁହେଁ ତ ସଦାପ୍ରଭୁଙ୍କ ନାମରେ ଶପଥ କରି କହିଅଛୁ, ସଦାପ୍ରଭୁ ସର୍ବଦା ମୋର ଓ ତୁମ୍ଭର, ପୁଣି, ମୋ’ ବଂଶ ଓ ତୁମ୍ଭ ବଂଶର ମଧ୍ୟବର୍ତ୍ତୀ ହେଉନ୍ତୁ। ତହୁଁ ସେ ଉଠି ପ୍ରସ୍ଥାନ କଲେ, ପୁଣି, ଯୋନାଥନ ନଗରକୁ ଗଲା।
\s5
\c 21
\s ଦାଉଦ ଏବଂ ପବିତ୍ର ରୁଟି
\p
\v 1 ଏଥିଉତ୍ତାରେ ଦାଉଦ ନୋବରେ ଅହୀମେଲକ୍‍ ଯାଜକ ନିକଟକୁ ଆସିଲେ; ତହିଁରେ ଅହୀମେଲକ୍‍ କମ୍ପମାନ ହୋଇ ଦାଉଦଙ୍କୁ ସାକ୍ଷାତ କରିବାକୁ ଆସି ତାଙ୍କୁ କହିଲା, ତୁମ୍ଭ ସଙ୍ଗରେ କୌଣସି ଲୋକ ନାହିଁ, ତୁମ୍ଭେ ଏକା କାହିଁକି ?
\v 2 ଏଥିରେ ଦାଉଦ ଅହୀମେଲକ୍‍ ଯାଜକକୁ କହିଲେ, ରାଜା ମୋତେ ଗୋଟିଏ କାର୍ଯ୍ୟ କରିବାକୁ ଆଜ୍ଞା କରିଅଛନ୍ତି ଓ ମୋତେ କହିଅଛନ୍ତି, ଯେଉଁ କାର୍ଯ୍ୟ ନିମନ୍ତେ ମୁଁ ତୁମ୍ଭକୁ ପଠାଏ ଓ ମୁଁ ତୁମ୍ଭକୁ ଯାହା ଆଜ୍ଞା କରିଅଛି, ସେହି ବିଷୟ କେହି କିଛି ନ ଜାଣୁ; ଆଉ ମୁଁ ଯୁବାମାନଙ୍କୁ ନିର୍ଦ୍ଦିଷ୍ଟ ସ୍ଥାନମାନଙ୍କରେ ନିଯୁକ୍ତ କରିଅଛି।
\s5
\v 3 ଏବେ ତୁମ୍ଭ ହସ୍ତରେ କଅଣ ଅଛି ? ପାଞ୍ଚଟି ରୁଟି, ଅବା ଯାହା କିଛି ଅଛି, ତାହା ମୋ’ ହସ୍ତରେ ଦିଅ।
\v 4 ଏଥିରେ ଯାଜକ ଦାଉଦଙ୍କୁ ଉତ୍ତର କରି କହିଲା, ମୋ’ ହସ୍ତରେ ସାଧାରଣ ରୁଟି ନାହିଁ; ଯେବେ ଯୁବାମାନେ ସ୍ତ୍ରୀମାନଙ୍କଠାରୁ ଆପଣାମାନଙ୍କୁ ପୃଥକ ରଖିଥିବେ, ତେବେ କେବଳ ପବିତ୍ର ରୁଟି ଅଛି।
\s5
\v 5 ତହୁଁ ଦାଉଦ ଯାଜକକୁ ଉତ୍ତର ଦେଇ କହିଲେ, ପ୍ରକୃତରେ ଊଣାଧିକ ଏହି ତିନି ଦିନ ହେଲା, ସ୍ତ୍ରୀମାନେ ଆମ୍ଭମାନଙ୍କଠାରୁ ପୃଥକୀକୃତ ହୋଇଅଛନ୍ତି, ଏ କେବଳ ସାମାନ୍ୟ ଯାତ୍ରା ହେଲେ ହେଁ, ମୁଁ ବାହାରିବା ବେଳେ ଯୁବାମାନଙ୍କ ପାତ୍ର ପବିତ୍ର ଥିଲା; ତେବେ ଆଜି ସେମାନଙ୍କ ପାତ୍ର କେତେ ଅଧିକ ପବିତ୍ର ନ ଥିବ ?
\v 6 ତହିଁରେ ଯାଜକ ତାଙ୍କୁ ପବିତ୍ର ରୁଟି ଦେଲା; କାରଣ ସେ ସ୍ଥାନରେ ଆଉ ରୁଟି ନ ଥିଲା, କେବଳ ଦର୍ଶନୀୟ ରୁଟି ଥିଲା, ତାହା ଉଠାଇ ନେବା ଦିନ ତପ୍ତ ରୁଟି ରଖିବା ପାଇଁ ସଦାପ୍ରଭୁଙ୍କ ସମ୍ମୁଖରୁ ତାହା ସ୍ଥାନାନ୍ତରିତ କରାଯାଇଥିଲା।
\s5
\v 7 ସେହିଦିନ ଶାଉଲଙ୍କର ଦାସମାନଙ୍କ ମଧ୍ୟରୁ ଜଣେ ସଦାପ୍ରଭୁଙ୍କ ସମ୍ମୁଖରେ ଅଟକା ଯାଇଥିଲା; ତାହାର ନାମ ଇଦୋମୀୟ ଦୋୟେଗ୍‍, ସେ ଶାଉଲଙ୍କର ପଶୁପାଳକମାନଙ୍କ ମଧ୍ୟରେ ପ୍ରଧାନ ଥିଲା।
\s5
\v 8 ପୁଣି, ଦାଉଦ ଅହୀମେଲକ୍‍କୁ କହିଲେ, ଏଠାରେ ତୁମ୍ଭ ହସ୍ତରେ ବର୍ଚ୍ଛା କି ଖଡ୍ଗ ନାହିଁ ? କାରଣ ମୁଁ ଆପଣା ଖଡ୍ଗ କି ଅସ୍ତ୍ରଶସ୍ତ୍ର ସଙ୍ଗରେ ଆଣି ନାହିଁ, ଯେଣୁ ରାଜାଙ୍କ କାର୍ଯ୍ୟ ଶୀଘ୍ର କରିବାକୁ ପଡ଼ିଲା।
\v 9 ତହିଁରେ ଯାଜକ କହିଲା, ତୁମ୍ଭେ ଏଲା ତଳଭୂମିରେ ଯାହାକୁ ବଧ କରିଥିଲ, ଦେଖ; ସେହି ପଲେଷ୍ଟୀୟ ଗଲୀୟାତର ଖଡ୍ଗ ଏଫୋଦ ପଛେ ବସ୍ତ୍ରରେ ଗୁଡ଼ା ହୋଇଅଛି, ଯେବେ ତାହା ନେବ, ନିଅ; ତାହା ଛଡ଼ା ଆଉ ଏଠାରେ କିଛି ନାହିଁ। ତହୁଁ ଦାଉଦ କହିଲେ ତାହା ପରି ଆଉ କିଛି ନାହିଁ; ତାହା ମୋତେ ଦିଅ।
\s ଗାଥ୍‍ରେ ଦାଉଦ
\p
\s5
\v 10 ଏଉତ୍ତାରେ ଦାଉଦ ଉଠି ଶାଉଲଙ୍କର ସମ୍ମୁଖରୁ ସେହିଦିନ ପଳାଇ ଗାଥ୍‍ର ରାଜା ଆଖୀଶ୍‍ ନିକଟକୁ ଗଲେ।
\v 11 ତହିଁରେ ଆଖୀଶ୍‍ର ଦାସମାନେ ତାକୁ କହିଲେ, ଏହି ଦାଉଦ କି ଦେଶର ରାଜା ନୁହନ୍ତି ? ପୁଣି, ଲୋକମାନେ ତାଙ୍କ ବିଷୟରେ ନୃତ୍ୟ କରି କି ପରସ୍ପର କହି ନ ଥିଲେ, ଶାଉଲ ବଧ କଲେ ସହସ୍ର ସହସ୍ର, ଦାଉଦ ବଧ କଲେ ଅୟୁତ ଅୟୁତ ?
\s5
\v 12 ମାତ୍ର ଦାଉଦ ଏ କଥା ମନେ ରଖିଲେ, ପୁଣି, ଗାଥ୍‍ର ରାଜା ଆଖୀଶ୍‍କୁ ବଡ଼ ଭୟ କଲେ।
\v 13 ଏଣୁ ସେ ସେମାନଙ୍କ ସାକ୍ଷାତରେ ଆପଣା ମତି ବଦଳାଇଲେ ଓ ସେମାନଙ୍କ ନିକଟରେ ଆପଣାକୁ ବାତୁଳ ପରି ଦେଖାଇ ଦ୍ୱାର କବାଟ ଆଞ୍ଚୁଡ଼ିଲେ ଓ ଆପଣା ଦାଢ଼ିରେ ଲାଳ ବୋହିବାକୁ ଦେଲେ।
\s5
\v 14 ତହିଁରେ ଆଖୀଶ୍‍ ଆପଣା ଦାସମାନଙ୍କୁ କହିଲା, ଦେଖ, ଏ ବାତୁଳ, ଏହା ତୁମ୍ଭେମାନେ ଦେଖୁଅଛ; ତୁମ୍ଭେମାନେ କାହିଁକି ଏହାକୁ ମୋର ପାଖକୁ ଆଣିଲ ?
\v 15 ମୋହର କ’ଣ ବାତୁଳ ଲୋକର ଅଭାବ ଅଛି ଯେ, ତୁମ୍ଭେମାନେ ଏହାକୁ ମୋର ଆଗରେ ବାତୁଳ ବ୍ୟବହାର କରିବାକୁ ଆଣିଅଛ ? ଏ ଲୋକ କ’ଣ ମୋହର ଘରକୁ ଆସିବ ?
\s5
\c 22
\s ଅଦୁଲ୍ଲମ ଗୁମ୍ପାରେ ଦାଉଦ
\p
\v 1 ଏହେତୁ ଦାଉଦ ସେଠାରୁ ପ୍ରସ୍ଥାନ କରି ଅଦୁଲ୍ଲମ ଗୁମ୍ଫାକୁ ପଳାଇଲେ, ପୁଣି, ତାଙ୍କର ଭ୍ରାତୃଗଣ ଓ ତାଙ୍କର ପିତୃଗୃହସ୍ଥ ସମସ୍ତେ ତାହା ଶୁଣନ୍ତେ, ସେମାନେ ସେଠାକୁ ତାଙ୍କ କତିକି ଗଲେ।
\v 2 ଆଉ ପ୍ରତ୍ୟେକ କ୍ଳିଷ୍ଟ ଓ ପ୍ରତ୍ୟେକ ଋଣଗ୍ରସ୍ତ ଓ ପ୍ରତ୍ୟେକ ତିକ୍ତମନା ଲୋକ ତାଙ୍କ ନିକଟରେ ଏକତ୍ର ହେଲେ; ତହିଁରେ ସେ ସେମାନଙ୍କର ସେନାପତି ହେଲେ; ଏହିରୂପେ ଊଣାଧିକ ଚାରି ଶହ ଲୋକ ତାଙ୍କର ସଙ୍ଗୀ ହେଲେ।
\s5
\v 3 ଏଥିଉତ୍ତାରେ ଦାଉଦ ସେଠାରୁ ମୋୟାବ ଦେଶସ୍ଥ ମିସ୍ପେକୁ ଗଲେ; ପୁଣି, ସେ ମୋୟାବର ରାଜାକୁ କହିଲେ, ମୁଁ ବିନୟ କରୁଅଛି, ପରମେଶ୍ୱର ମୋ’ ପ୍ରତି କଅଣ କରିବେ, ତାହା ମୁଁ ଜାଣିବା ପର୍ଯ୍ୟନ୍ତ ମୋର ପିତାମାତାଙ୍କୁ ତୁମ୍ଭମାନଙ୍କ ମଧ୍ୟରେ ଆସି ରହିବାକୁ ଦିଅ।
\v 4 ତହୁଁ ସେ ସେମାନଙ୍କୁ ମୋୟାବ-ରାଜାର ସାକ୍ଷାତକୁ ଆଣିଲେ ତହିଁରେ ଦାଉଦ ଦୁର୍ଗମ ସ୍ଥାନରେ ରହିବା ସମୟଯାକ ସେମାନେ ସେହି ରାଜା ସହିତ ବାସ କଲେ।
\v 5 ଏଥି ମଧ୍ୟରେ ଭବିଷ୍ୟଦ୍‍ବକ୍ତା ଗାଦ୍‍ ଦାଉଦଙ୍କୁ କହିଲା, ଏହି ଦୁର୍ଗମ ସ୍ଥାନରେ ନ ରୁହ; ପ୍ରସ୍ଥାନ କରି ଯିହୁଦା ଦେଶକୁ ଯାଅ। ତେବେ ଦାଉଦ ପ୍ରସ୍ଥାନ କରି ହେରତ୍‍ ବଣରେ ଉପସ୍ଥିତ ହେଲେ।
\s ଶାଉଲଙ୍କ ଯାଜକ ସଂହାର
\p
\s5
\v 6 ଏଥିଉତ୍ତାରେ ଶାଉଲ ଶୁଣିଲେ ଯେ, ଦାଉଦ ଓ ତାଙ୍କର ସଙ୍ଗୀ ଲୋକମାନଙ୍କର ସନ୍ଧାନ ମିଳିଅଛି; ଏହି ସମୟରେ ଶାଉଲ ନିଜ ହସ୍ତରେ ବର୍ଚ୍ଛା ଧରି ଗିବୀୟାସ୍ଥିତ ରାମାରେ ଝାଉଁଗଛ ତଳେ ବସିଥିଲେ ଓ ତାଙ୍କର ଚାରିଆଡ଼େ ତାଙ୍କର ଦାସ ସମସ୍ତେ ଠିଆ ହୋଇଥିଲେ।
\s5
\v 7 ତହିଁରେ ଶାଉଲ ଚାରିଆଡ଼େ ଠିଆ ହୋଇଥିବା ଆପଣା ଦାସମାନଙ୍କୁ କହିଲେ, ହେ ବିନ୍ୟାମୀନୀୟ ଲୋକମାନେ, ଶୁଣ; ଯିଶୀର ପୁତ୍ର କ’ଣ ତୁମ୍ଭମାନଙ୍କ ପ୍ରତିଜଣକୁ କ୍ଷେତ୍ର ଓ ଦ୍ରାକ୍ଷାକ୍ଷେତ୍ର ଦେବ, ସେ କ’ଣ ତୁମ୍ଭ ସମସ୍ତଙ୍କୁ ସହସ୍ରପତି ଓ ଶତପତି କରିବ,
\v 8 ଏଥିପାଇଁ କ’ଣ ତୁମ୍ଭେ ସମସ୍ତେ ମୋହର ବିରୁଦ୍ଧରେ କୁମନ୍ତ୍ରଣା କରୁଅଛ ? ଆଉ, ମୋହର ପୁତ୍ର ଯିଶୀର ପୁତ୍ର ସଙ୍ଗେ ନିୟମ କଲା ବେଳେ କେହି ମୋହର କର୍ଣ୍ଣଗୋଚର କଲ ନାହିଁ ଓ ତୁମ୍ଭମାନଙ୍କର କେହି ମୋ’ ପାଇଁ ଚିନ୍ତିତ ହେଲ ନାହିଁ, କିଅବା ଆଜିର ପରି ମୋହର ପ୍ରତିକୂଳରେ ଛକି ବସି ଆକ୍ରମଣ କରିବା ପାଇଁ ମୋର ପୁତ୍ର ଯେ ମୋର ଦାସକୁ ମତାଇ ଅଛି, ଏହା କେହି ମୋର କର୍ଣ୍ଣଗୋଚର କଲ ନାହିଁ ?
\s5
\v 9 ତେବେ ଶାଉଲଙ୍କର ଦାସମାନଙ୍କ ନିକଟରେ ଠିଆ ହୋଇଥିବା ଇଦୋମୀୟ ଦୋୟେଗ୍‍ ଉତ୍ତର ଦେଇ କହିଲା, ମୁଁ ଯିଶୀର ପୁତ୍ରକୁ ନୋବରେ ଅହୀଟୂବର ପୁତ୍ର ଅହୀମେଲକ୍‍ ନିକଟକୁ ଯିବାର ଦେଖିଥିଲି।
\v 10 ପୁଣି, ଅହୀମେଲକ୍‍ ତାହା ପାଇଁ ସଦାପ୍ରଭୁଙ୍କ ନିକଟରେ ପଚାରିଲା ଓ ତାହାକୁ ଖାଦ୍ୟଦ୍ରବ୍ୟ ଓ ପଲେଷ୍ଟୀୟ ଗଲୀୟାତର ଖଡ୍ଗ ଦେଲା।
\s5
\v 11 ତହୁଁ ରାଜା ଅହୀଟୂବର ପୁତ୍ର ଅହୀମେଲକ୍‍ ଯାଜକକୁ ଓ ନୋବ ନିବାସୀ ତାହାର ପିତୃବଂଶୀୟ ସମସ୍ତ ଯାଜକଙ୍କୁ ଡାକିବା ପାଇଁ ଲୋକ ପଠାଇଲେ; ତହିଁରେ ସେ ସମସ୍ତେ ରାଜାଙ୍କ ନିକଟକୁ ଆସିଲେ।
\v 12 ଏଥିରେ ଶାଉଲ କହିଲେ, ହେ ଅହୀଟୂବର ପୁତ୍ର, ତୁମ୍ଭେ ଶୁଣ। ସେ ଉତ୍ତର କଲା, ହେ ମୋହର ପ୍ରଭୁ, ମୁଁ ଏଠାରେ ଅଛି।
\v 13 ପୁଣି, ଶାଉଲ ତାହାକୁ କହିଲେ, ତୁମ୍ଭେ ଓ ଯିଶୀର ପୁତ୍ର କାହିଁକି ମୋ’ ବିରୁଦ୍ଧରେ କୁମନ୍ତ୍ରଣା କରିଅଛ ? ଆଜିର ପରି ଯିଶୀର ପୁତ୍ର ମୋ’ ବିରୁଦ୍ଧରେ ଉଠି ଛକି ବସିବା ପାଇଁ ତୁମ୍ଭେ ତ ତାହାକୁ ରୁଟି ଓ ଖଡ୍ଗ ଦେଇଅଛ ଓ ପରମେଶ୍ୱରଙ୍କ ନିକଟରେ ତାହା ପାଇଁ ପଚାରିଅଛ।
\s5
\v 14 ଏଥିରେ ଅହୀମେଲକ୍‍ ରାଜାଙ୍କୁ ଉତ୍ତର ଦେଇ କହିଲା, ଆପଣଙ୍କ ସମସ୍ତ ଦାସ ମଧ୍ୟରେ ଦାଉଦ ପରି କିଏ ବିଶ୍ୱସ୍ତ ? ସେ ତ ମହାରାଜାଙ୍କର ଜୁଆଁଇ ଓ ଆପଣଙ୍କର ସଭାସଦ୍‍ ଓ ଆପଣଙ୍କ ଗୃହରେ ସମ୍ଭ୍ରାନ୍ତ।
\v 15 ମୁଁ କ’ଣ ପରମେଶ୍ୱରଙ୍କ ନିକଟରେ ତାହା ଲାଗି ପଚାରିବାକୁ ଆଜି ଆରମ୍ଭ କଲି ? ତାହା ମୋ’ଠୁ ଦୂର ହେଉ; ମହାରାଜ ଆପଣାର ଏହି ଦାସକୁ ବା ମୋହର ସମସ୍ତ ପିତୃଗୃହକୁ କୌଣସି ଦୋଷ ନ ଦେଉନ୍ତୁ; କାରଣ ଆପଣଙ୍କ ଦାସ ଏସବୁ ବିଷୟରେ ଅଳ୍ପ କି ବହୁତ କିଛି ଜାଣେ ନାହିଁ।
\s5
\v 16 ଏଥିରେ ରାଜା କହିଲେ, ହେ ଅହୀମେଲକ୍‍, ତୁମ୍ଭେ ଓ ତୁମ୍ଭ ପିତୃଗୃହ ସମସ୍ତେ ନିଶ୍ଚୟ ମରିବ।
\v 17 ତହୁଁ ରାଜା ଆପଣା ଚତୁର୍ଦ୍ଦିଗରେ ଠିଆ ହୋଇଥିବା ଧାଉଡ଼ିଆମାନଙ୍କୁ କହିଲେ, ତୁମ୍ଭେମାନେ ଫେରି ସଦାପ୍ରଭୁଙ୍କ ଯାଜକମାନଙ୍କୁ ବଧ କର; କାରଣ ଦାଉଦ ପକ୍ଷରେ ସେମାନଙ୍କର ମଧ୍ୟ ହସ୍ତ ଅଛି, ଆଉ ସେମାନେ ଦାଉଦର ପଳାଇବା କଥା ଜାଣିଲେ ହେଁ ତାହା ମୋହର କର୍ଣ୍ଣଗୋଚର କଲେ ନାହିଁ। ମାତ୍ର ରାଜାଙ୍କର ଦାସମାନେ ସଦାପ୍ରଭୁଙ୍କ ଯାଜକମାନଙ୍କୁ ଆକ୍ରମଣ କରିବା ପାଇଁ ହସ୍ତ ବଢ଼ାଇବାକୁ ଅସମ୍ମତ ହେଲେ।
\s5
\v 18 ଏଣୁ ରାଜା ଦୋୟେଗ୍‍କୁ କହିଲେ, ତୁମ୍ଭେ ଫେରି ଏହି ଯାଜକମାନଙ୍କୁ ଆକ୍ରମଣ କର। ତହିଁରେ ଇଦୋମୀୟ ଦୋୟେଗ୍‍ ଫେରି ଯାଜକମାନଙ୍କୁ ଆକ୍ରମଣ କଲା ଓ ସେହିଦିନ ସେ ଶୁକ୍ଳ ଏଫୋଦ-ପରିଧାନକାରୀ ପଞ୍ଚାଶୀ ଜଣଙ୍କୁ ବଧ କଲା।
\v 19 ପୁଣି, ସେ ଯାଜକମାନଙ୍କର ନୋବ ନଗରକୁ ଖଡ୍ଗଧାରରେ ଆଘାତ କଲା; ସେ ଖଡ୍ଗଧାରରେ ପୁରୁଷ ଓ ସ୍ତ୍ରୀ, ବାଳକ ଓ ସ୍ତନ୍ୟପାୟୀ ଶିଶୁ ଉଭୟଙ୍କୁ, ପୁଣି, ଗୋରୁ ଓ ଗର୍ଦ୍ଦଭ ଓ ମେଷାଦିକୁ ଆଘାତ କଲା।
\s5
\v 20 ସେହି ସମୟରେ ଅହୀଟୂବର ପୁତ୍ର ଅହୀମେଲକ୍‍ର ପୁତ୍ରମାନଙ୍କ ମଧ୍ୟରୁ ଅବୀୟାଥର ନାମରେ ଜଣେ ରକ୍ଷା ପାଇ ଦାଉଦଙ୍କ ଆଡ଼କୁ ପଳାଇଲା।
\v 21 ପୁଣି, ଅବୀୟାଥର ଦାଉଦଙ୍କୁ ଜଣାଇଲା ଯେ, ଶାଉଲ ସଦାପ୍ରଭୁଙ୍କ ଯାଜକମାନଙ୍କୁ ବଧ କରିଅଛି।
\s5
\v 22 ତହୁଁ ଦାଉଦ ଅବୀୟାଥରକୁ କହିଲେ, ଇଦୋମୀୟ ଦୋୟେଗ୍‍ ସେଠାରେ ଥିବା ବେଳେ ମୁଁ ସେହିଦିନ ଜାଣିଲି ଯେ, ସେ ନିଶ୍ଚୟ ଶାଉଲଙ୍କୁ ଜଣାଇବ; ମୁଁ ତୁମ୍ଭ ପିତୃଗୃହସ୍ଥ ସମସ୍ତ ପ୍ରାଣୀଙ୍କର ମୃତ୍ୟୁୁ ଘଟାଇଅଛି।
\v 23 ତୁମ୍ଭେ ମୋ’ ସଙ୍ଗେ ରୁହ, ଭୟ ନ କର; କାରଣ ଯେ ମୋର ପ୍ରାଣ ଚାହେଁ, ସେ ତୁମ୍ଭ ପ୍ରାଣ ଚାହେଁ; ମାତ୍ର ମୋ’ ସଙ୍ଗେ ତୁମ୍ଭେ ସୁରକ୍ଷିତ ହେବ।
\s5
\c 23
\s କିୟୀଲା ସହରକୁ ଦାଉଦଙ୍କ ସୁରକ୍ଷା
\p
\v 1 ଏଥିଉତ୍ତାରେ ଲୋକମାନେ ଦାଉଦଙ୍କୁ ଜଣାଇ କହିଲେ, ଦେଖ, ପଲେଷ୍ଟୀୟମାନେ କିୟୀଲା ନଗର ବିରୁଦ୍ଧରେ ଯୁଦ୍ଧ କରି ଖଳାରୁ ଶସ୍ୟ ଲୁଟୁଅଛନ୍ତି।
\v 2 ଏନିମନ୍ତେ ଦାଉଦ ସଦାପ୍ରଭୁଙ୍କୁ ପଚାରି କହିଲେ, ମୁଁ ଯାଇ କି ଏହି ପଲେଷ୍ଟୀୟମାନଙ୍କୁ ଆଘାତ କରିବି ? ତହିଁରେ ସଦାପ୍ରଭୁ ଦାଉଦଙ୍କୁ କହିଲେ, ଯାଅ, ପଲେଷ୍ଟୀୟମାନଙ୍କୁ ଆଘାତ କରି କିୟୀଲାକୁ ଉଦ୍ଧାର କର।
\s5
\v 3 ଏଥିରେ ଦାଉଦଙ୍କର ଲୋକମାନେ ତାଙ୍କୁ କହିଲେ, ଦେଖ, ଆମ୍ଭେମାନେ ଏ ଯିହୁଦା ଦେଶରେ ଭୟ କରୁଅଛୁ; ଯେବେ ପଲେଷ୍ଟୀୟମାନଙ୍କ ସୈନ୍ୟଗଣ ବିରୁଦ୍ଧରେ କିୟୀଲାକୁ ଯିବା, ତେବେ କେତେ ଅଧିକ ଭୟ ନ କରିବା ?
\v 4 ତେଣୁ ଦାଉଦ ସଦାପ୍ରଭୁଙ୍କୁ ପୁନର୍ବାର ପଚାରିଲେ। ତହିଁରେ ସଦାପ୍ରଭୁ ଉତ୍ତର ଦେଇ କହିଲେ, ଉଠ, କିୟୀଲାକୁ ଯାଅ; କାରଣ ଆମ୍ଭେ ପଲେଷ୍ଟୀୟମାନଙ୍କୁ ତୁମ୍ଭ ହସ୍ତରେ ସମର୍ପଣ କରିବା।
\s5
\v 5 ଏଥିରେ ଦାଉଦ ଓ ତାଙ୍କର ଲୋକମାନେ କିୟୀଲାକୁ ଯାଇ ପଲେଷ୍ଟୀୟମାନଙ୍କ ସଙ୍ଗରେ ଯୁଦ୍ଧ କଲେ ଓ ସେମାନଙ୍କ ପଶୁଗଣକୁ ନେଇଗଲେ ଓ ମହାସଂହାରରେ ସେମାନଙ୍କୁ ସଂହାର କଲେ। ଏହିରୂପେ ଦାଉଦ କିୟୀଲା ନିବାସୀମାନଙ୍କୁ ଉଦ୍ଧାର କଲେ।
\v 6 ଯେତେବେଳେ ଅହୀମେଲକ୍‍ର ପୁତ୍ର ଅବୀୟାଥର କିୟୀଲାକୁ ଦାଉଦଙ୍କ କତିକି ପଳାଇ ଆସିଥିଲା, ସେତେବେଳେ ଏକ ଏଫୋଦ ହାତରେ ନେଇ ଆସିଥିଲା।
\s5
\v 7 ପୁଣି, ଦାଉଦ କିୟୀଲାକୁ ଆସିଅଛି ବୋଲି ଶାଉଲଙ୍କୁ କୁହାଯାଆନ୍ତେ, ଶାଉଲ କହିଲେ, ପରମେଶ୍ୱର ତାହାକୁ ମୋ’ ହସ୍ତରେ ପରିତ୍ୟାଗ କରିଅଛନ୍ତି; ଯେହେତୁ ସେ ଦ୍ୱାର ଓ ଅର୍ଗଳବିଶିଷ୍ଟ ନଗରରେ ପ୍ରବେଶ କରିବା ହେତୁରୁ ଅବରୁଦ୍ଧ ହୋଇଅଛି।
\v 8 ଏଥିରେ କିୟୀଲାକୁ ଯାଇ ଦାଉଦଙ୍କୁ ଓ ତାଙ୍କର ଲୋକମାନଙ୍କୁ ଘେରିବା ପାଇଁ ଶାଉଲ ଆପଣାର ସମସ୍ତ ଲୋକଙ୍କୁ ଯୁଦ୍ଧକୁ ଡକାଇଲେ।
\v 9 ପୁଣି, ଦାଉଦ ଜାଣିଲେ ଯେ, ଶାଉଲ ତାଙ୍କ ପ୍ରତିକୂଳରେ ମନ୍ଦ କଳ୍ପନା କରିଅଛନ୍ତି; ଏଣୁ ସେ ଅବୀୟାଥର ଯାଜକକୁ କହିଲେ, ଏଠାକୁ ଏଫୋଦ ଆଣ।
\s5
\v 10 ତେବେ ଦାଉଦ କହିଲେ, ହେ ସଦାପ୍ରଭୁ, ଇସ୍ରାଏଲର ପରମେଶ୍ୱର, ଶାଉଲ କିୟୀଲାକୁ ଆସି ମୋ’ ସକାଶେ ସେହି ନଗର ଉଚ୍ଛିନ୍ନ କରିବାକୁ ଚାହୁଁଅଛନ୍ତି ବୋଲି ତୁମ୍ଭ ଦାସ ନିଶ୍ଚିତ ରୂପେ ଶୁଣିଅଛି।
\v 11 କିୟୀଲା ନିବାସୀମାନେ କ’ଣ ମୋତେ ତାଙ୍କ ହସ୍ତରେ ସମର୍ପି ଦେବେ ? ତୁମ୍ଭ ଦାସ ଯେପରି ଶୁଣିଅଛି, ସେପରି କ’ଣ ଶାଉଲ ଆସିବେ ? ହେ ସଦାପ୍ରଭୁ, ଇସ୍ରାଏଲର ପରମେଶ୍ୱର, ମୁଁ ବିନୟ କରୁଅଛି, ଆପଣା ଦାସକୁ ଏହା ଜଣାଅ। ତହିଁରେ ସଦାପ୍ରଭୁ କହିଲେ, ସେ ଆସିବ।
\s5
\v 12 ତେବେ ଦାଉଦ କହିଲେ, କିୟୀଲା ନିବାସୀମାନେ ମୋତେ ଓ ମୋ’ ଲୋକମାନଙ୍କୁ କ’ଣ ଶାଉଲଙ୍କ ହସ୍ତରେ ସମର୍ପଣ କରିବେ ? ତହିଁରେ ସଦାପ୍ରଭୁ କହିଲେ, ସେମାନେ ତୁମ୍ଭକୁ ସମର୍ପଣ କରିବେ।
\s5
\v 13 ତହୁଁ ଦାଉଦ ଓ ତାଙ୍କର ଊଣାଧିକ ଛଅ ଶହ ଲୋକ ଉଠି କିୟୀଲାରୁ ପ୍ରସ୍ଥାନ କଲେ ଓ ଯେଉଁଠାକୁ ଯାଇ ପାରିଲେ, ସେଠାକୁ ଗଲେ। ଏଥିରେ ଦାଉଦ କିୟୀଲାରୁ ପଳାଇ ଯାଇଅଛି ବୋଲି ଶାଉଲଙ୍କୁ କୁହାଗଲା; ତେଣୁ ସେ ଯିବାରୁ କ୍ଷାନ୍ତ ହେଲେ।
\s ପାର୍ବତ୍ୟ ଅଞ୍ଚଳରେ ଦାଉଦ
\p
\v 14 ଏଥିଉତ୍ତାରେ ଦାଉଦ ପ୍ରାନ୍ତରସ୍ଥ ନାନା ଦୁର୍ଗମ ସ୍ଥାନରେ ବାସ କରି ସୀଫ୍‍ ପ୍ରାନ୍ତରସ୍ଥ ପର୍ବତମୟ ଦେଶରେ ରହିଲେ। ପୁଣି, ଶାଉଲ ପ୍ରତିଦିନ ତାଙ୍କର ଅନ୍ୱେଷଣ କଲେ, ମାତ୍ର ପରମେଶ୍ୱର ତାଙ୍କୁ ତାଙ୍କ ହାତରେ ଦେଲେ ନାହିଁ।
\s5
\v 15 ଏଉତ୍ତାରେ ଦାଉଦ ଜାଣିଲେ ଯେ, ଶାଉଲ ତାଙ୍କ ପ୍ରାଣ ନେବା ପାଇଁ ବାହାର ହୋଇ ଆସିଅଛନ୍ତି; ସେସମୟରେ ଦାଉଦ ସୀଫ୍‍ ପ୍ରାନ୍ତରସ୍ଥ ବଣରେ ଥିଲେ।
\v 16 ଏଣୁ ଶାଉଲଙ୍କର ପୁତ୍ର ଯୋନାଥନ ଉଠି ଦାଉଦଙ୍କ କତିକି ବଣକୁ ଗଲା ଓ ପରମେଶ୍ୱରଙ୍କଠାରେ ତାଙ୍କ ହସ୍ତ ସବଳ କଲା।
\s5
\v 17 ପୁଣି, ସେ ତାଙ୍କୁ କହିଲା, ଭୟ ନ କର; କାରଣ ମୋର ପିତା ଶାଉଲଙ୍କର ହସ୍ତ ତୁମ୍ଭକୁ ପାଇବ ନାହିଁ; ପୁଣି, ତୁମ୍ଭେ ଇସ୍ରାଏଲ ଉପରେ ରାଜା ହେବ ଓ ମୁଁ ତୁମ୍ଭର ଦ୍ୱିତୀୟ ହେବି; ଏହା ମଧ୍ୟ ମୋର ପିତା ଶାଉଲ ଜାଣନ୍ତି।
\v 18 ଏଥିରେ ସେ ଦୁହେଁ ସଦାପ୍ରଭୁଙ୍କ ସମ୍ମୁଖରେ ନିୟମ କଲେ; ତହୁଁ ଦାଉଦ ବଣରେ ବାସ କଲେ ଓ ଯୋନାଥନ ଆପଣା ଘରକୁ ଗଲା।
\s5
\v 19 ଏଉତ୍ତାରେ ସୀଫୀୟ ଲୋକମାନେ ଗିବୀୟାକୁ ଶାଉଲଙ୍କ କତିକି ଆସି କହିଲେ, ଦାଉଦ କ’ଣ ଆମ୍ଭମାନଙ୍କ ମଧ୍ୟରେ ମରୁଭୂମିର ଦକ୍ଷିଣ ଦିଗସ୍ଥ ହଖୀଲା ପର୍ବତର ବଣରେ ନାନା ଦୁର୍ଗମ ସ୍ଥାନରେ ଲୁଚି ରହି ନାହିଁ ?
\v 20 ଏହେତୁ ହେ ମହାରାଜ, ଆପଣଙ୍କ ଆଗମନର ସମସ୍ତ ମନୋବାଞ୍ଛାନୁସାରେ ଆସନ୍ତୁ, ପୁଣି, ମହାରାଜଙ୍କ ହସ୍ତରେ ତାହାକୁ ସମର୍ପଣ କରିବା ଭାର ଆମ୍ଭମାନଙ୍କର।
\s5
\v 21 ତହୁଁ ଶାଉଲ କହିଲେ, ତୁମ୍ଭେମାନେ ସଦାପ୍ରଭୁଙ୍କ ଆଶୀର୍ବାଦର ପାତ୍ର; କାରଣ ତୁମ୍ଭେମାନେ ମୋ’ ପ୍ରତି କୃପା କଲ।
\v 22 ମୁଁ ବିନୟ କରୁଅଛି, ତୁମ୍ଭେମାନେ ଯାଇ ଆହୁରି ସ୍ଥିର କର ଓ କେଉଁଠାରେ ତାହାର ଖୋଜ ପଡ଼ିଅଛି, କିଏ ତାହାକୁ ସେଠାରେ ଦେଖିଅଛି, ଏହା ବୁଝି ଦେଖ; କାରଣ ମୋତେ କୁହାଯାଇଅଛି ଯେ, ସେ ଅତି ସତର୍କ ହୋଇ ଚଳୁଅଛି।
\v 23 ଏହେତୁ ଯେ ଯେ ଲୁଚିବା ସ୍ଥାନରେ ସେ ଆପଣାକୁ ଲୁଚାଏ, ସେସବୁ ଦେଖି ବୁଝ ଓ ତୁମ୍ଭେମାନେ ମୋ’ କତିକି ନିଶ୍ଚୟ ଫେରି ଆସ, ତହିଁରେ ମୁଁ ତୁମ୍ଭମାନଙ୍କ ସଙ୍ଗେ ଯିବି; ସେ ଯେବେ ଦେଶରେ ଥାଏ, ତେବେ ମୁଁ ଯିହୁଦାର ସମୁଦାୟ ସହସ୍ର ମଧ୍ୟରେ ତାହାକୁ ଖୋଜିବି।
\s5
\v 24 ତହୁଁ ସେମାନେ ଉଠି ଶାଉଲଙ୍କ ଆଗେ ସୀଫ୍‍କୁ ଗଲେ; ସେତେବେଳେ ଦାଉଦ ଓ ତାଙ୍କର ଲୋକମାନେ ମରୁଭୂମିର ଦକ୍ଷିଣସ୍ଥିତ ପଦାରେ ମାୟୋନ୍‍ ପ୍ରାନ୍ତରରେ ଥିଲେ।
\v 25 ଏଣୁ ଶାଉଲ ଓ ତାଙ୍କର ଲୋକମାନେ ତାଙ୍କୁ ଖୋଜିବାକୁ ଗଲେ; ମାତ୍ର ଲୋକମାନେ ଦାଉଦଙ୍କୁ ଏହା ଜଣାନ୍ତେ, ସେ ଶୈଳକୁ ଓହ୍ଲାଇ ଆସି ମାୟୋନ୍‍ ପ୍ରାନ୍ତରରେ ରହିଲେ। ଏଉତ୍ତାରେ ଶାଉଲ ତାହା ଶୁଣି ମାୟୋନ୍‍ ପ୍ରାନ୍ତରରେ ଦାଉଦଙ୍କ ପଛେ ପଛେ ଗୋଡ଼ାଇଲେ।
\s5
\v 26 ପୁଣି, ଶାଉଲ ପର୍ବତର ଏକ ପାର୍ଶ୍ୱକୁ ଗଲେ, ଆଉ ଦାଉଦ ଓ ତାଙ୍କର ଲୋକମାନେ ଅନ୍ୟ ପାର୍ଶ୍ୱକୁ ଗଲେ; ତହୁଁ ଦାଉଦ ଶାଉଲଙ୍କ ଭୟରୁ ପଳାଇବାକୁ ଚଞ୍ଚଳ ହେଲେ; କାରଣ ଶାଉଲ ଓ ତାଙ୍କର ଲୋକମାନେ ଦାଉଦଙ୍କୁ ଓ ତାଙ୍କର ଲୋକଙ୍କୁ ଧରିବା ନିମନ୍ତେ ସେମାନଙ୍କ ଚାରିଆଡ଼େ ଘେରିଥିଲେ।
\v 27 ଏପରି ସମୟରେ ଜଣେ ଦୂତ ଶାଉଲଙ୍କ ନିକଟକୁ ଆସି କହିଲା, ଶୀଘ୍ର ଆସନ୍ତୁ; କାରଣ ପଲେଷ୍ଟୀୟମାନେ ଦେଶ ଆକ୍ରମଣ କଲେଣି।
\s5
\v 28 ତହୁଁ ଶାଉଲ ଦାଉଦଙ୍କର ପଶ୍ଚାତ୍‍ ଗୋଡ଼ାଇବାରୁ ଫେରି ପଲେଷ୍ଟୀୟମାନଙ୍କ ବିରୁଦ୍ଧରେ ଯାତ୍ରା କଲେ; ଏଣୁ ସେମାନେ ସେହି ସ୍ଥାନର ନାମ ସେଲା-ହମ୍ମହଲିକୋତ୍‍ (ବିଭାଗକାରୀ ଶୈଳ) ରଖିଲେ।
\v 29 ଏଉତ୍ତାରେ ଦାଉଦ ସେହି ସ୍ଥାନରୁ ଯାଇ ଐନଗଦୀସ୍ଥ ଦୁର୍ଗମ ସ୍ଥାନରେ ବାସ କଲେ।
\s5
\c 24
\s ଦାଉଦଙ୍କ ଶାଉଲଙ୍କୁ ପ୍ରାଣଦାନ
\p
\v 1 ଏଥିଉତ୍ତାରେ ଶାଉଲ ପଲେଷ୍ଟୀୟମାନଙ୍କ ପଶ୍ଚାଦ୍‍ଗମନରୁ ଫେରନ୍ତେ, ଲୋକମାନେ ତାଙ୍କୁ ଜଣାଇ କହିଲେ, ଦେଖନ୍ତୁ, ଦାଉଦ ଐନଗଦୀସ୍ଥ ପ୍ରାନ୍ତରରେ ଅଛି।
\v 2 ତହୁଁ ଶାଉଲ ସମୁଦାୟ ଇସ୍ରାଏଲ ମଧ୍ୟରୁ ତିନି ହଜାର ବଛା ଲୋକ ନେଇ ଦାଉଦ ଓ ତାଙ୍କର ଲୋକମାନଙ୍କୁ ବନ୍ୟ ଛାଗର ଶୈଳ ସବୁରେ ଖୋଜିବାକୁ ଗଲେ।
\s5
\v 3 ପୁଣି, ସେ ପଥ ନିକଟସ୍ଥ ମେଷଶାଳାରେ ଉପସ୍ଥିତ ହୁଅନ୍ତେ, ସେଠାରେ ଗୋଟିଏ ଗୁମ୍ଫା ଥିଲା; ପୁଣି, ଶାଉଲ ପାଦ ଢାଙ୍କିବା
\f +
\fr 24:3
\ft ଅର୍ଥାତ୍ ମଳତ୍ୟାଗ କରିବା
\f* ପାଇଁ ତହିଁ ଭିତରକୁ ଗଲେ। ସେହି ସମୟରେ ଦାଉଦ ଓ ତାଙ୍କର ଲୋକମାନେ ସେହି ଗୁମ୍ଫାର ଅନ୍ତର୍ଭାଗରେ ଥିଲେ।
\v 4 ଏଥିରେ ଦାଉଦଙ୍କର ଲୋକମାନେ ତାଙ୍କୁ କହିଲେ, ଯେଉଁ ଦିନ ବିଷୟରେ ସଦାପ୍ରଭୁ ତୁମ୍ଭକୁ କହିଥିଲେ, ଦେଖ, ଆମ୍ଭେ ତୁମ୍ଭ ଶତ୍ରୁକୁ ତୁମ୍ଭ ହସ୍ତରେ ଦେବା, ତହିଁରେ ତୁମ୍ଭକୁ ଯେପରି ଭଲ ଦିଶିବ, ସେପରି ତୁମ୍ଭେ ତାହା ପ୍ରତି କରିବ, ସେଦିନ ଏହି ଦେଖ। ତହୁଁ ଦାଉଦ ଉଠି ଗୋପନରେ ଶାଉଲଙ୍କର ଚୋଗାଧଡ଼ି କାଟି ନେଲେ।
\s5
\v 5 ମାତ୍ର ଶାଉଲଙ୍କର ବସ୍ତ୍ରଧଡ଼ି କାଟିବାରୁ ପଛେ ଦାଉଦଙ୍କର ଅନ୍ତଃକରଣ ତାଙ୍କୁ ଆଘାତ କଲା।
\v 6 ଏଣୁ ସେ ଆପଣା ଲୋକମାନଙ୍କୁ କହିଲେ, ମୁଁ ଯେ ସଦାପ୍ରଭୁଙ୍କ ଅଭିଷିକ୍ତ ମୋର ପ୍ରଭୁଙ୍କ ପ୍ରତିକୂଳରେ ହାତ ଉଠାଇବି, ସଦାପ୍ରଭୁ ଏହା କରିବାକୁ ମୋତେ ନ ଦେଉନ୍ତୁ; କାରଣ ସେ ସଦାପ୍ରଭୁଙ୍କ ଅଭିଷିକ୍ତ।
\v 7 ଏସବୁ କଥା ଦ୍ୱାରା ଦାଉଦ ଆପଣା ଲୋକମାନଙ୍କୁ ଦମନ କଲେ ଓ ଶାଉଲଙ୍କ ପ୍ରତିକୂଳରେ ସେମାନଙ୍କୁ ଉଠିବାକୁ ଦେଲେ ନାହିଁ। ଏଉତ୍ତାରେ ଶାଉଲ ଗୁମ୍ଫାରୁ ବାହାରି ଆପଣା ପଥରେ ଗଲେ।
\s5
\v 8 ଦାଉଦ ମଧ୍ୟ ତହିଁ ଉତ୍ତାରେ ଉଠି ଗୁମ୍ଫାରୁ ବାହାରକୁ ଗଲେ ଓ ଶାଉଲଙ୍କର ପଛେ ଡାକି କହିଲେ, ହେ ମୋହର ପ୍ରଭୁ, ମହାରାଜ। ତହିଁରେ ଶାଉଲ ଆପଣା ପଛକୁ ଅନାନ୍ତେ, ଦାଉଦ ଭୂମିଷ୍ଠ ହୋଇ ପ୍ରଣାମ କଲେ।
\v 9 ଆଉ ଦାଉଦ ଶାଉଲଙ୍କୁ କହିଲେ, ଦେଖନ୍ତୁ, ଦାଉଦ ଆପଣଙ୍କର ଅନିଷ୍ଟ ଚାହୁଁଅଛି, ଲୋକମାନଙ୍କର ଏପରି କଥା ଆପଣ କାହିଁକି ଶୁଣୁଅଛନ୍ତି ?
\s5
\v 10 ଦେଖନ୍ତୁ, ଆଜି ସଦାପ୍ରଭୁ ଗୁମ୍ଫା ମଧ୍ୟରେ କିପରି ଆପଣଙ୍କୁ ମୋହର ହସ୍ତରେ ଦେଇଥିଲେ, ଏହା ଆଜି ଆପଣଙ୍କ ଚକ୍ଷୁ ଦେଖିଅଛି; ଆପଣଙ୍କୁ ବଧ କରିବା ପାଇଁ କେହି କେହି ମୋତେ କହିଥିଲେ; ମାତ୍ର ମୋର ଚକ୍ଷୁ ଆପଣଙ୍କୁ ଦୟା କଲା ଓ ମୁଁ କହିଲି, ମୁଁ ଆପଣା ପ୍ରଭୁଙ୍କ ବିରୁଦ୍ଧରେ ହାତ ଉଠାଇବି ନାହିଁ, କାରଣ ସେ ସଦାପ୍ରଭୁଙ୍କ ଅଭିଷିକ୍ତ।
\v 11 ଆହୁରି ମୋହର ପିତା, ଦେଖନ୍ତୁ, ହଁ, ମୋର ହାତରେ ଆପଣଙ୍କ ଚୋଗାଧଡ଼ି ଦେଖନ୍ତୁ; ମୁଁ ଯେ ଆପଣଙ୍କ ଚୋଗା ଧଡ଼ି କାଟିଲି, ମାତ୍ର ଆପଣଙ୍କୁ ବଧ ନ କଲି, ଏଥିରୁ ଆପଣ ବୁଝନ୍ତୁ ଓ ଦେଖନ୍ତୁ ଯେ, ମୋ’ ହାତରେ କିଛି ମନ୍ଦ ବା ଅଧର୍ମ ନାହିଁ, ଆପଣ ମୋ’ ପ୍ରାଣକୁ ଧରିବା ପାଇଁ ଅନ୍ୱେଷଣ କଲେ ହେଁ ମୁଁ ଆପଣଙ୍କ ବିରୁଦ୍ଧରେ ପାପ କରି ନାହିଁ।
\s5
\v 12 ସଦାପ୍ରଭୁ ମୋହର ଓ ଆପଣଙ୍କ ମଧ୍ୟରେ ବିଚାର କରନ୍ତୁ ଓ ସଦାପ୍ରଭୁ ଆପଣଙ୍କଠାରୁ ମୋହର ପରିଶୋଧ ନେଉନ୍ତୁ; ମାତ୍ର ମୋହର ହସ୍ତ ଆପଣଙ୍କ ପ୍ରତିକୂଳ ହେବ ନାହିଁ।
\v 13 ପ୍ରାଚୀନମାନଙ୍କ ପ୍ରବାଦ କହେ, ଯଥା, ଦୁଷ୍ଟଠାରୁ ଦୁଷ୍ଟତା ବାହାରେ; ମାତ୍ର ମୋହର ହସ୍ତ ଆପଣଙ୍କ ପ୍ରତିକୂଳ ହେବ ନାହିଁ।
\s5
\v 14 ଇସ୍ରାଏଲର ରାଜା କାହା ପଛରେ ବାହାର ହୋଇ ଆସିଅଛନ୍ତି ? ଆପଣ କାହା ପଛରେ ଗୋଡ଼ାଇ ଅଛନ୍ତି ? ଗୋଟିଏ ମଲା କୁକ୍କୁର ପଛରେ, ଗୋଟିଏ ଡାଉଁଶ ପଛରେ।
\v 15 ଏହେତୁ ସଦାପ୍ରଭୁ ବିଚାରକର୍ତ୍ତା ହେଉନ୍ତୁ, ଆଉ ମୋହର ଓ ଆପଣଙ୍କ ମଧ୍ୟରେ ବିଚାର କରନ୍ତୁ, ପୁଣି, ଦୃଷ୍ଟି କରି ମୋହର ବିବାଦ ନିଷ୍ପତ୍ତି କରନ୍ତୁ ଓ ଆପଣଙ୍କ ହସ୍ତରୁ ମୋତେ ରକ୍ଷା କରନ୍ତୁ।
\s5
\v 16 ଦାଉଦ ଶାଉଲଙ୍କୁ ଏହିସବୁ କଥା କହିସାରିଲା ଉତ୍ତାରେ ଶାଉଲ କହିଲେ, ଆମ୍ଭର ପୁତ୍ର ଦାଉଦ, ଏ କ’ଣ ତୁମ୍ଭର ରବ ? ତହୁଁ ଶାଉଲ ରବ ଉଠାଇ ରୋଦନ କଲେ।
\s5
\v 17 ପୁଣି, ସେ ଦାଉଦଙ୍କୁ କହିଲେ, ତୁମ୍ଭେ ମୋ’ଠାରୁ ଅଧିକ ଧାର୍ମିକ; କାରଣ ମୁଁ ତୁମ୍ଭର ମନ୍ଦ କଲେ ହେଁ ତୁମ୍ଭେ ମୋହର ଭଲ କରିଅଛ।
\v 18 ତୁମ୍ଭେ ମୋ’ ପ୍ରତି କିପରି ଉତ୍ତମ ବ୍ୟବହାର କରିଅଛ, ତାହା ଆଜି ପ୍ରକାଶ କରିଅଛ; କାରଣ ସଦାପ୍ରଭୁ ମୋତେ ତୁମ୍ଭ ହସ୍ତରେ ଦେଲେ ହେଁ ତୁମ୍ଭେ ମୋତେ ବଧ କଲ ନାହିଁ।
\s5
\v 19 ମନୁଷ୍ୟ ଆପଣା ଶତ୍ରୁକୁ ପାଇଲେ, ସେ କ’ଣ ତାକୁ ଭଲରେ ଯିବାକୁ ଦେବ ? ଏଣୁ ଆଜି ତୁମ୍ଭେ ମୋ’ ପ୍ରତି ଯାହା କରିଅଛ, ତହିଁ ଲାଗି ସଦାପ୍ରଭୁ ତୁମ୍ଭକୁ ଉତ୍ତମ ପୁରସ୍କାର ଦେଉନ୍ତୁ।
\v 20 ଏବେ ଦେଖ, ମୁଁ ଜାଣେ, ତୁମ୍ଭେ ଅବଶ୍ୟ ରାଜା ହେବ ଓ ତୁମ୍ଭ ହସ୍ତରେ ଇସ୍ରାଏଲର ରାଜ୍ୟ ସ୍ଥିର ହେବ।
\s5
\v 21 ଏହେତୁ ଏବେ ସଦାପ୍ରଭୁଙ୍କ ନାମରେ ମୋର ନିକଟରେ ଶପଥ କର ଯେ, ତୁମ୍ଭେ ମୋ’ ଉତ୍ତାରେ ମୋହର ବଂଶକୁ ଉଚ୍ଛିନ୍ନ କରିବ ନାହିଁ ଓ ମୋହର ପିତୃଗୃହରୁ ମୋ’ ନାମ ଲୋପ କରିବ ନାହିଁ।
\v 22 ତହିଁରେ ଦାଉଦ ଶାଉଲଙ୍କ ନିକଟରେ ଶପଥ କଲେ। ଏଉତ୍ତାରେ ଶାଉଲ ଗୃହକୁ ଗଲେ; ମାତ୍ର ଦାଉଦ ଓ ତାଙ୍କର ଲୋକମାନେ ଦୁର୍ଗମ ସ୍ଥାନକୁ ଆରୋହୀ ଗଲେ।
\s5
\c 25
\s ଶାମୁୟେଲଙ୍କ ମୃତ୍ୟୁୁ
\p
\v 1 ଏଥିଉତ୍ତାରେ ଶାମୁୟେଲ ମଲେ; ତହୁଁ ସମୁଦାୟ ଇସ୍ରାଏଲ ଏକତ୍ର ହୋଇ ତାଙ୍କ ପାଇଁ ବିଳାପ କଲେ ଓ ରାମାସ୍ଥିତ ତାଙ୍କର ଗୃହରେ ତାଙ୍କୁ କବର ଦେଲେ। ପୁଣି, ଦାଉଦ ଉଠି ପାରଣ
\f +
\fr 25:1
\fq ପାରଣ
\ft କିମ୍ବା ମୋଆନ୍
\f* ପ୍ରାନ୍ତରକୁ ଗଲେ।
\s ଦାଉଦ ଓ ଅବୀଗଲ
\p
\s5
\v 2 ସେହି ସମୟରେ ମାୟୋନ୍‌ସ୍ଥିତ ଜଣେ ଲୋକ କର୍ମିଲରେ ବ୍ୟବସାୟ କରୁଥିଲା; ସେ ଅତି ବଡ଼ ଲୋକ ଓ ତାହାର ତିନି ସହସ୍ର ମେଷ ଓ ଏକ ସହସ୍ର ଛାଗୀ ଥିଲେ; ପୁଣି, ସେ କର୍ମିଲରେ ଆପଣା ମେଷଲୋମ ଛେଦନ କରୁଥିଲା।
\v 3 ସେହି ମନୁଷ୍ୟର ନାମ ନାବଲ ଓ ତାହାର ଭାର୍ଯ୍ୟାର ନାମ ଅବୀଗଲ; ସେହି ସ୍ତ୍ରୀ ବୁଦ୍ଧିମତୀ ଓ ରୂପବତୀ; ମାତ୍ର ସେହି ପୁରୁଷ କଟୁଭାଷୀ ଓ କୁକର୍ମକାରୀ ଓ ସେ କାଲେବ ବଂଶଜ ଥିଲା।
\s5
\v 4 ଆଉ ନାବଲ ଆପଣା ମେଷର ଲୋମ ଛେଦନ କରୁଅଛି ବୋଲି ଦାଉଦ ପ୍ରାନ୍ତରରେ ଶୁଣିଲେ।
\v 5 ତହିଁରେ ଦାଉଦ ଦଶ ଜଣ ଯୁବାଙ୍କୁ ପଠାଇଲେ ଓ ଦାଉଦ ସେହି ଯୁବାମାନଙ୍କୁ କହିଲେ, ତୁମ୍ଭେମାନେ କର୍ମିଲକୁ ଉଠି ନାବଲ କତିକି ଯାଅ ଓ ମୋହର ନାମରେ ତାହାକୁ ନମସ୍କାର ଜଣାଅ।
\v 6 ପୁଣି, ତାହାକୁ ଏପରି କୁହ, ତୁମ୍ଭେ ଚିରଜୀବୀ ହୁଅ, ତୁମ୍ଭର ମଙ୍ଗଳ ହେଉ, ତୁମ୍ଭ ଗୃହର ମଙ୍ଗଳ ହେଉ ଓ ତୁମ୍ଭ ସର୍ବସ୍ୱର ମଙ୍ଗଳ ହେଉ।
\s5
\v 7 ଆମ୍ଭେ ଶୁଣିଲୁ, ତୁମ୍ଭର ଲୋମଛେଦକମାନେ ଅଛନ୍ତି; ତୁମ୍ଭର ମେଷପାଳକମାନେ ଏବେ ଆମ୍ଭମାନଙ୍କ ସଙ୍ଗରେ ଅଛନ୍ତି, ଆମ୍ଭେମାନେ ସେମାନଙ୍କର କୌଣସି ଅପକାର କରି ନାହୁଁ, କିଅବା କର୍ମିଲରେ ଥିବା ସମୟଯାକ ସେମାନଙ୍କର କିଛି ହଜି ନାହିଁ।
\v 8 ତୁମ୍ଭେ ଆପଣା ଯୁବାମାନଙ୍କୁ ପଚାର, ସେମାନେ କହିବେ; ଏହେତୁ ଏହି ଯୁବାମାନେ ତୁମ୍ଭ ଦୃଷ୍ଟିରେ ଅନୁଗ୍ରହ ପାଉନ୍ତୁ; କାରଣ ଆମ୍ଭେମାନେ ଶୁଭ ଦିନରେ ଆସିଅଛୁ। ବିନୟ କରୁଅଛୁ, ତୁମ୍ଭ ହସ୍ତରେ ଯାହା ଆସେ, ତାହା ତୁମ୍ଭେ ଆପଣା ଦାସମାନଙ୍କୁ ଓ ଆପଣା ପୁତ୍ର ଦାଉଦଙ୍କୁ ଦିଅ।
\s5
\v 9 ତହୁଁ ଦାଉଦଙ୍କର ଯୁବାମାନେ ଯାଇ ଦାଉଦଙ୍କ ନାମରେ ନାବଲକୁ ଏହିସବୁ କଥା କହି କ୍ଷାନ୍ତ ହେଲେ।
\v 10 ତହିଁରେ ନାବଲ ଦାଉଦଙ୍କର ଦାସମାନଙ୍କୁ ଉତ୍ତର ଦେଇ କହିଲା, ଦାଉଦ କିଏ ? ଯିଶୀର ପୁତ୍ର କିଏ ? ଆଜିକାଲି ଅନେକ ଦାସ ଅଛନ୍ତି, ଯେଉଁମାନେ ଆପଣା ଆପଣା ମୁନିବଠାରୁ ବିଗିଡ଼ି ବୁଲୁଛନ୍ତି।
\v 11 ତେବେ ମୁଁ କ’ଣ ଆପଣା ରୁଟି ଓ ଆପଣା ଜଳ ଓ ଆପଣା ଲୋମଛେଦକମାନଙ୍କ ନିମନ୍ତେ ହତ ପଶୁମାନଙ୍କ ମାଂସ ନେଇ କେଉଁଆଡ଼ର ଅଜ୍ଞାତ ଲୋକମାନଙ୍କୁ ଦେବି ?
\s5
\v 12 ତହୁଁ ଦାଉଦଙ୍କର ଯୁବାମାନେ ଆପଣା ବାଟରେ ଫେରି ଗଲେ ଓ ତାଙ୍କ ନିକଟକୁ ଆସି ସେହିସବୁ କଥା ତାଙ୍କୁ ଜଣାଇଲେ।
\v 13 ଏଥିରେ ଦାଉଦ ଆପଣା ଲୋକମାନଙ୍କୁ କହିଲେ, ତୁମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା ଖଡ୍ଗ ବାନ୍ଧ। ତହିଁରେ ସେମାନେ ପ୍ରତ୍ୟେକେ ଆପଣା ଆପଣା ଖଡ୍ଗ ବାନ୍ଧିଲେ ଓ ଦାଉଦ ହିଁ ଆପଣା ଖଡ୍ଗ ବାନ୍ଧିଲେ; ତହୁଁ ଦାଉଦଙ୍କର ପଛରେ ଊଣାଧିକ ଚାରି ଶହ ଲୋକ ଗମନ କଲେ; ପୁଣି, ଦୁଇ ଶହ ଲୋକ ସାମଗ୍ରୀ ପାଖରେ ରହିଲେ।
\s5
\v 14 ଏଥି ମଧ୍ୟରେ ଯୁବାମାନଙ୍କ ମଧ୍ୟରୁ ଜଣେ ନାବଲର ଭାର୍ଯ୍ୟା ଅବୀଗଲକୁ ଜଣାଇ କହିଲା, ଦେଖ, ଦାଉଦ ଆମ୍ଭମାନଙ୍କ କର୍ତ୍ତାଙ୍କୁ ମଙ୍ଗଳବାଦ କରିବା ନିମନ୍ତେ ପ୍ରାନ୍ତରରୁ ଦୂତମାନଙ୍କୁ ପଠାଇଥିଲେ, ତହିଁରେ ସେ ସେମାନଙ୍କୁ ଖାଇ ଗୋଡ଼ାଇଲେ।
\v 15 ମାତ୍ର ସେହି ଲୋକମାନେ ଆମ୍ଭମାନଙ୍କର ବଡ଼ ଉପକାରୀ, ପୁଣି, ଆମ୍ଭେମାନେ କ୍ଷେତ୍ରରେ ସେମାନଙ୍କ ସଙ୍ଗେ ଥିବାଯାଏ ଆମ୍ଭମାନଙ୍କର କୌଣସି ଅପକାର ହୋଇ ନାହିଁ, କି ଆମ୍ଭେମାନେ କିଛି ହରାଇ ନାହୁଁ।
\s5
\v 16 ଆମ୍ଭେମାନେ ସେମାନଙ୍କ ସଙ୍ଗେ ମେଷ ଜଗିବାର ସମୟଯାକ ସେମାନେ ରାତ୍ରିରେ ଓ ଦିନରେ ଆମ୍ଭମାନଙ୍କ ପ୍ରତି ପ୍ରାଚୀର ସ୍ୱରୂପ ଥିଲେ।
\v 17 ଏହେତୁ ଏବେ ତୁମ୍ଭର କି କର୍ତ୍ତବ୍ୟ, ଏହା ବିବେଚନା କରି ବୁଝ; କାରଣ ଆମ୍ଭମାନଙ୍କ କର୍ତ୍ତା ଓ ତାଙ୍କର ସମସ୍ତ ଗୃହ ପ୍ରତିକୂଳରେ ଅମଙ୍ଗଳ ସ୍ଥିର ହୋଇଅଛି; ମାତ୍ର ସେ ଏପରି ଦୁଷ୍ଟ ଲୋକ
\f +
\fr 25:17
\fq ଦୁଷ୍ଟ ଲୋକ
\ft କିମ୍ବା ବେଲିଆଲ୍ ସନ୍ତାନ
\f* ଯେ, ତାଙ୍କୁ କେହି କିଛି କହି ନ ପାରେ।
\s5
\v 18 ତହୁଁ ଅବୀଗଲ ଶୀଘ୍ର ଦୁଇ ଶହ ରୁଟି ଓ ଦୁଇ କୁମ୍ପା ଦ୍ରାକ୍ଷାରସ ଓ ପାଞ୍ଚଟି କଟା ମେଷ ଓ ପାଞ୍ଚ ଗଉଣୀ ଭଜା ଶସ୍ୟ
\f +
\fr 25:18
\fq ପାଞ୍ଚ ଗଉଣୀ ଭଜା ଶସ୍ୟ
\ft ଅର୍ଥାତ୍ କୋଡିଏ କିଲୋ
\f* ଓ ଶହେ ପେଣ୍ଡା ଦ୍ରାକ୍ଷାଫଳ ଓ ଦୁଇ ଶହ ଡିମ୍ବିରିଚକ୍ତି ନେଇ ଗଧମାନଙ୍କ ଉପରେ ନଦିଲା।
\v 19 ପୁଣି, ସେ ଆପଣା ଯୁବାମାନଙ୍କୁ କହିଲା, ମୋହର ଆଗେ ଆଗେ ଚାଲ; ଦେଖ, ମୁଁ ତୁମ୍ଭମାନଙ୍କ ପଛେ ପଛେ ଯାଉଅଛି। ମାତ୍ର ସେ ଆପଣା ସ୍ୱାମୀ ନାବଲକୁ ଏହା ଜଣାଇଲା ନାହିଁ।
\s5
\v 20 ଏରୂପେ ସେ ଗର୍ଦ୍ଦଭ ଉପରେ ଚଢ଼ି ପର୍ବତ ଉହାଡ଼ ନିକଟକୁ ଆସନ୍ତେ, ଦେଖ, ଦାଉଦ ଓ ତାଙ୍କର ଲୋକମାନେ ଅବୀଗଲ ସମ୍ମୁଖରେ ଉପସ୍ଥିତ ହେଲେ ଓ ସେ ସେମାନଙ୍କୁ ଭେଟିଲା।
\s5
\v 21 ପୂର୍ବରେ ଦାଉଦ କହିଥିଲେ, ମୁଁ ଏଇଟାର ପ୍ରାନ୍ତରରେ ଥିବା ଦ୍ରବ୍ୟସବୁ ଖାଲି ମିଛରେ ଜଗିଲି, ଏହାର ସବୁ ଦ୍ରବ୍ୟରୁ କିଛି ହରଣ ହୋଇ ନାହିଁ; ମାତ୍ର ସେ ଭଲ ପାଲଟେ ମୋର ମନ୍ଦ କରିଅଛି।
\v 22 ଏହାର ଯାହା କିଛି ଅଛି, ସେସବୁ ମଧ୍ୟରୁ ଯେବେ ସକାଳ ଆଲୁଅ ପର୍ଯ୍ୟନ୍ତ ଗୋଟିଏ ପୁରୁଷ ପିଲା ଅବଶିଷ୍ଟ ରଖେ, ତେବେ ପରମେଶ୍ୱର ଦାଉଦଙ୍କର ଶତ୍ରୁମାନଙ୍କୁ ସେହି ଦଣ୍ଡ, ମଧ୍ୟ ତହିଁରୁ ଅଧିକ ଦେଉନ୍ତୁ।
\s5
\v 23 ଏଣୁ ଅବୀଗଲ ଦାଉଦଙ୍କୁ ଦେଖନ୍ତେ, ଶୀଘ୍ର ଗର୍ଦ୍ଦଭରୁ ଓହ୍ଲାଇ ଦାଉଦଙ୍କ ସମ୍ମୁଖରେ ମୁହଁ ମାଡ଼ି ପଡ଼ି ଭୂମିଷ୍ଠ ପ୍ରଣାମ କଲା।
\v 24 ପୁଣି, ତାଙ୍କ ଚରଣରେ ପଡ଼ି କହିଲା, ହେ ମୋହର ପ୍ରଭୁ, ମୋ’ ଉପରେ, ମୋହର ଉପରେ ହିଁ ସେହି ଅପରାଧ ବର୍ତ୍ତୁ; ଆପଣା ଦାସୀକି ଆପଣଙ୍କ କର୍ଣ୍ଣଗୋଚରରେ କହିବାକୁ ଦେଉନ୍ତୁ ଓ ଆପଣା ଦାସୀର କଥା ଆପଣ ଶୁଣନ୍ତୁ।
\s5
\v 25 ବିନୟ କରୁଅଛି, ମୋହର ପ୍ରଭୁ, ସେହି ଦୁଷ୍ଟ
\f +
\fr 25:25
\fq ଦୁଷ୍ଟ
\ft ବେଲିଆଲ୍
\f* ମନୁଷ୍ୟ ନାବଲକୁ ମନରେ ନ କରନ୍ତୁ; କାରଣ ତାହାର ନାମ ଯେପରି, ସେ ସେପରି; ତାହାର ନାମ ନାବଲ
\f +
\fr 25:25
\fq ନାବଲ
\ft ମୂଢ଼
\f* ଓ ମୂଢ଼ତା ତାହାଠାରେ ଅଛି; ମାତ୍ର ଆପଣଙ୍କ ଏହି ଦାସୀ ମୋହର ପ୍ରଭୁଙ୍କ ପ୍ରେରିତ ଯୁବାମାନଙ୍କୁ ଦେଖି ନାହିଁ।
\v 26 ହେ ମୋହର ପ୍ରଭୁ, ସଦାପ୍ରଭୁ ତ ଆପଣଙ୍କୁ ରକ୍ତପାତ ଦୋଷରୁ ଓ ଆପଣଙ୍କ ନିଜ ହସ୍ତରେ ଆତ୍ମ-ପ୍ରତିକାର କରିବାରୁ ବାରଣ କଲେ, ଏହେତୁ ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ଓ ଆପଣ ଜୀବିତ ଥିବା ପ୍ରମାଣେ ଆପଣଙ୍କ ଶତ୍ରୁମାନେ ଓ ମୋର ପ୍ରଭୁଙ୍କ ଅମଙ୍ଗଳ ଅନ୍ୱେଷଣକାରୀମାନେ ନାବଲ ପରି ହେଉନ୍ତୁ।
\s5
\v 27 ଏଣୁ ଆପଣଙ୍କ ଦାସୀ ମୋର ପ୍ରଭୁଙ୍କ ନିକଟକୁ ଯେଉଁ ଭେଟୀ ଆଣିଅଛି, ତାହା ମୋର ପ୍ରଭୁଙ୍କ ଅନୁଗାମୀ ଯୁବାମାନଙ୍କୁ ଦିଆଯାଉ।
\v 28 ବିନୟ କରୁଅଛି, ଆପଣଙ୍କ ଦାସୀର ଅପରାଧ କ୍ଷମା କରନ୍ତୁ; ମୋର ପ୍ରଭୁ ସଦାପ୍ରଭୁଙ୍କ ପକ୍ଷରେ ଯୁଦ୍ଧ କରୁଅଛନ୍ତି, ଏଥିପାଇଁ ସଦାପ୍ରଭୁ ମୋର ପ୍ରଭୁଙ୍କ ଗୃହ ନିଶ୍ଚୟ ସୁସ୍ଥିର କରିବେ ଓ ଯାବଜ୍ଜୀବନ ଆପଣଙ୍କଠାରେ ମନ୍ଦତା ଦେଖା ନ ଯିବ।
\s5
\v 29 ପୁଣି, ମନୁଷ୍ୟ ଆପଣଙ୍କୁ ତାଡ଼ନା କରିବାକୁ ଓ ଆପଣଙ୍କ ପ୍ରାଣ ନେବାକୁ ଉଠିଲେ ହେଁ ସଦାପ୍ରଭୁ ଆପଣଙ୍କ ପରମେଶ୍ୱରଙ୍କ ନିକଟରେ ମୋର ପ୍ରଭୁଙ୍କ ପ୍ରାଣ ଜୀବନରୂପ ଗଣ୍ଠିଲୀରେ ଗଣ୍ଠି ପଡ଼ି ରହିବ; ମାତ୍ର ସେ ଆପଣଙ୍କ ଶତ୍ରୁମାନଙ୍କ ପ୍ରାଣକୁ ଛାଟିଣୀଖୋଲରୁ ଫିଙ୍ଗିଦେଲା ପରି ଫିଙ୍ଗି ଦେବେ।
\s5
\v 30 ସଦାପ୍ରଭୁ ଆପଣଙ୍କ ବିଷୟରେ ଯେସମସ୍ତ ମଙ୍ଗଳ କଥା କହିଅଛନ୍ତି, ତାହା ଯେତେବେଳେ ସେ ମୋର ପ୍ରଭୁଙ୍କ ପ୍ରତି ସଫଳ କରି ଆପଣଙ୍କୁ ଇସ୍ରାଏଲର ଅଗ୍ରଣୀ ରୂପେ ନିଯୁକ୍ତ କରିବେ,
\v 31 ସେତେବେଳେ ଆପଣ ଅକାରଣରେ ରକ୍ତପାତ କଲେ, କିଅବା ମୋର ପ୍ରଭୁ ନିଜେ ଆତ୍ମ-ପ୍ରତିକାର କଲେ ବୋଲି ଆପଣଙ୍କର ବିଘ୍ନ କି ହୃଦୟର ବ୍ୟସ୍ତତା ଜନ୍ମିବ ନାହିଁ; ମାତ୍ର ସଦାପ୍ରଭୁ ମୋର ପ୍ରଭୁଙ୍କ ମଙ୍ଗଳ କରିବା ବେଳେ ଆପଣଙ୍କର ଏହି ଦାସୀକି ସ୍ମରଣ କରିବେ।
\s5
\v 32 ଏଥିରେ ଦାଉଦ ଅବୀଗଲକୁ କହିଲେ, ଆଜି ଯେ ମୋ’ ସଙ୍ଗରେ ସାକ୍ଷାତ କରିବାକୁ ତୁମ୍ଭକୁ ପଠାଇଲେ, ସେହି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଧନ୍ୟ ହେଉନ୍ତୁ;
\v 33 ପୁଣି, ତୁମ୍ଭର ସୁବିଚାର ଧନ୍ୟ ହେଉ ଓ ଆଜି ମୋତେ ରକ୍ତପାତ ଦୋଷରୁ ଓ ମୋର ନିଜ ହସ୍ତରେ ଆତ୍ମ-ପ୍ରତିକାରରୁ ନିବୃତ୍ତ କଲ ଯେ ତୁମ୍ଭେ, ତୁମ୍ଭେ ଧନ୍ୟା ହୁଅ।
\s5
\v 34 କାରଣ ତୁମ୍ଭକୁ ହିଂସା କରିବାରୁ ମୋତେ ବାରଣ କଲେ ଯେ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର, ତାହାଙ୍କର ଜୀବିତ ଥିବା ପ୍ରମାଣେ ଏହା ସତ୍ୟ ଯେ, ତୁମ୍ଭେ ଶୀଘ୍ର ମୋତେ ଭେଟିବା ପାଇଁ ଆସି ନ ଥିଲେ, ସକାଳ ଆଲୁଅ ବେଳକୁ ନାବଲର ଗୋଟିଏ ପୁରୁଷ ପିଲା ଅବଶିଷ୍ଟ ନ ଥାଆନ୍ତା।
\v 35 ତହୁଁ ସେ ତାଙ୍କ ପାଇଁ ଯାହା ଆଣିଥିଲା, ଦାଉଦ ତାହା ହସ୍ତରୁ ତାହା ଗ୍ରହଣ କଲେ ଓ ତାହାକୁ କହିଲେ, କୁଶଳରେ ଆପଣା ଗୃହକୁ ଯାଅ; ଦେଖ, ମୁଁ ତୁମ୍ଭ ରବ ଶୁଣିଲି ଓ ତୁମ୍ଭକୁ ଗ୍ରାହ୍ୟ କଲି।
\s5
\v 36 ଏଉତ୍ତାରେ ଅବୀଗଲ ନାବଲ ନିକଟକୁ ଆସିଲା, ସେତେବେଳେ ଦେଖ, ସେ ଆପଣା ଗୃହରେ ରାଜଭୋଜ ପରି ଭୋଜ କରିଥିଲା; ପୁଣି, ନାବଲ ଅତିଶୟ ମତ୍ତ ଥିବାରୁ ତାହାର ମନ ଅତି ପ୍ରଫୁଲ୍ଲ ଥିଲା; ଏହେତୁ ସକାଳ ଆଲୁଅ ପର୍ଯ୍ୟନ୍ତ ଅବୀଗଲ ତାହାକୁ ଅଳ୍ପ ବା ବହୁତ କୌଣସି କଥା ଜଣାଇଲା ନାହିଁ।
\s5
\v 37 ମାତ୍ର ପ୍ରାତଃକାଳରେ ନାବଲର ମତ୍ତତା ତୁଟନ୍ତେ, ତାହାର ଭାର୍ଯ୍ୟା ତାହାକୁ ସେହିସବୁ କଥା ଜଣାଇଲା; ତହିଁରେ ତାହାର ହୃଦୟ ତାହା ଅନ୍ତରରେ ମରିଗଲା ଓ ସେ ପଥର ପରି ହୋଇଗଲା।
\v 38 ଏଥିଉତ୍ତାରେ ଊଣାଧିକ ଦଶ ଦିନ ଉତ୍ତାରେ ସଦାପ୍ରଭୁ ନାବଲକୁ ଆଘାତ କରନ୍ତେ, ସେ ମଲା।
\s5
\v 39 ଏଉତ୍ତାରେ ନାବଲ ମରିଅଛି, ଏହା ଦାଉଦ ଶୁଣି କହିଲେ, ନାବଲ ହସ୍ତରୁ ମୋହର ଅପମାନଜନକ ବିବାଦର ପ୍ରତିବାଦ କଲେ ଓ ଆପଣା ଦାସକୁ ମନ୍ଦ କର୍ମରୁ ନିବୃତ୍ତ କଲେ ଯେ ସଦାପ୍ରଭୁ, ସେ ଧନ୍ୟ ହେଉନ୍ତୁ; ଆଉ ସଦାପ୍ରଭୁ ନାବଲର ମନ୍ଦ କର୍ମର ପ୍ରତିଫଳ ତାହା ମସ୍ତକରେ ବର୍ତ୍ତାଇଅଛନ୍ତି। ଏଉତ୍ତାରେ ଦାଉଦ ଅବୀଗଲକୁ ବିବାହ କରିବା ବିଷୟ କଥାବାର୍ତ୍ତା କରିବା ପାଇଁ ତାହା ନିକଟକୁ ଲୋକ ପଠାଇଲେ।
\v 40 ତହୁଁ ଦାଉଦଙ୍କର ଦାସମାନେ କର୍ମିଲକୁ; ଅବୀଗଲ କତିକି ଆସି ତାହାକୁ କହିଲେ, ଦାଉଦ ତୁମ୍ଭକୁ ବିବାହ କରିବା ପାଇଁ ତାଙ୍କ ନିକଟକୁ ନେବାକୁ ଆମ୍ଭମାନଙ୍କୁ ତୁମ୍ଭ କତିକି ପଠାଇଅଛନ୍ତି।
\s5
\v 41 ଏଥିରେ ସେ ଉଠି ଭୂମିଷ୍ଠ ପ୍ରଣାମ କରି କହିଲା, ଦେଖ, ତୁମ୍ଭ ଦାସୀ ମୋହର ପ୍ରଭୁଙ୍କ ଦାସମାନଙ୍କ ପାଦ ଧୋଇବା ଦାସୀ।
\v 42 ତହୁଁ ଅବୀଗଲ ନିଜର ପାଞ୍ଚ ଅନୁଚରୀ ଯୁବତୀଙ୍କି ସଙ୍ଗେ ଘେନି ଶୀଘ୍ର ଉଠି ଗର୍ଦ୍ଦଭ ଉପରେ ଆରୋହଣ କଲା; ପୁଣି, ସେ ଦାଉଦଙ୍କର ଦୂତମାନଙ୍କ ପଶ୍ଚାଦ୍‍ଗମନ କରି ତାଙ୍କର ଭାର୍ଯ୍ୟା ହେଲା।
\s5
\v 43 ମଧ୍ୟ ଦାଉଦ ଯିଷ୍ରିୟେଲୀୟା ଅହୀନୋୟମକୁ ବିବାହ କଲେ; ତହିଁରେ ସେ ଦୁହେଁ ତାଙ୍କର ଭାର୍ଯ୍ୟା ହେଲେ।
\v 44 ମାତ୍ର ଶାଉଲ ଆପଣା ମୀଖଲ ନାମ୍ନୀ କନ୍ୟା ଦାଉଦଙ୍କର ଭାର୍ଯ୍ୟାକୁ ଗଲ୍ଲୀମ ନିବାସୀ ଲୟିଶର ପୁତ୍ର ପଲ୍‍ଟିକୁ ଦେଇଥିଲେ।
\s5
\c 26
\s ଦାଉଦଙ୍କ ପୁନର୍ବାର ଶାଉଲଙ୍କୁ ପ୍ରାଣଦାନ
\p
\v 1 ଏଥିଉତ୍ତାରେ ସୀଫୀୟମାନେ ଗିବୀୟାକୁ ଶାଉଲଙ୍କ ନିକଟକୁ ଆସି କହିଲେ, ଦାଉଦ କ’ଣ ମରୁଭୂମି ସମ୍ମୁଖସ୍ଥ ହଖୀଲା ପର୍ବତରେ ଆପଣାକୁ ଲୁଚାଇ ନାହିଁ।
\v 2 ଏଥିରେ ଶାଉଲ ଉଠି ସୀଫ୍‍ ପ୍ରାନ୍ତରରେ ଦାଉଦଙ୍କୁ ଖୋଜିବା ପାଇଁ ଇସ୍ରାଏଲର ତିନି ସହସ୍ର ବଛା ଲୋକ ସଙ୍ଗେ ନେଇ ସୀଫ୍‍ ପ୍ରାନ୍ତରକୁ ଗଲେ।
\s5
\v 3 ପୁଣି, ଶାଉଲ ପଥ ପାର୍ଶ୍ୱରେ ମରୁଭୂମି ସମ୍ମୁଖସ୍ଥ ହଖୀଲା ପର୍ବତରେ ଛାଉଣି ସ୍ଥାପନ କଲେ। ମାତ୍ର ଦାଉଦ ପ୍ରାନ୍ତରରେ ବାସ କରୁଥିଲେ, ପୁଣି, ଶାଉଲ ତାଙ୍କ ପଛେ ପଛେ ପ୍ରାନ୍ତରକୁ ଆସିଅଛନ୍ତି, ଏହା ସେ ଦେଖିଲେ।
\v 4 ଏଣୁ ଦାଉଦ ଚୋର ପଠାଇ ଶାଉଲ ନିଶ୍ଚୟ ଆସିଅଛନ୍ତି ବୋଲି ଜାଣିଲେ।
\s5
\v 5 ଏଥିରେ ଦାଉଦ ଉଠି ଶାଉଲଙ୍କର ଛାଉଣି-ସ୍ଥାନକୁ ଆସିଲେ; ଆଉ ଦାଉଦ ଶାଉଲଙ୍କର ଓ ତାଙ୍କ ସେନାପତି ନେର୍‍ର ପୁତ୍ର ଅବ୍‍ନରର ଶୟନ-ସ୍ଥାନ ଦେଖିଲେ; ଶାଉଲ ଶଗଡ଼ବନ୍ଦି ସ୍ଥାନ ମଧ୍ୟରେ ଶୋଇଥିଲେ ଓ ତାଙ୍କର ଚାରିଆଡ଼େ ଲୋକମାନେ ଛାଉଣି କରିଥିଲେ।
\s5
\v 6 ଏଥିରେ ଦାଉଦ ହିତ୍ତୀୟ ଅହୀମେଲକ୍‍କୁ ଓ ସରୁୟାର ପୁତ୍ର ଯୋୟାବର ଭ୍ରାତା ଅବୀଶୟକୁ ଉତ୍ତର ଦେଇ କହିଲେ, ମୋ’ ସଙ୍ଗରେ ଛାଉଣିକୁ ଶାଉଲଙ୍କ ନିକଟକୁ କିଏ ଯିବ ? ତହିଁରେ ଅବୀଶୟ କହିଲା, ମୁଁ ତୁମ୍ଭ ସଙ୍ଗେ ଯିବି।
\v 7 ତହୁଁ ରାତ୍ରି ବେଳେ ଦାଉଦ ଓ ଅବୀଶୟ ଲୋକମାନଙ୍କ ନିକଟକୁ ଗଲେ; ଆଉ ଦେଖ, ଶାଉଲ ଶଗଡ଼ବନ୍ଦି ସ୍ଥାନ ମଧ୍ୟରେ ଶୟନ କରି ନିଦ୍ରିତ ହୋଇଅଛନ୍ତି, ତାଙ୍କର ବର୍ଚ୍ଛା ତାଙ୍କ ମସ୍ତକ ପାଖ ଭୂମିରେ ମରା ହୋଇଅଛି; ପୁଣି, ଅବ୍‍ନର ଓ ଲୋକମାନେ ତାଙ୍କର ଚାରିଆଡ଼େ ଶୋଇଅଛନ୍ତି।
\v 8 ସେତେବେଳେ ଅବୀଶୟ ଦାଉଦଙ୍କୁ କହିଲେ, ପରମେଶ୍ୱର ଆଜି ଆପଣଙ୍କ ଶତ୍ରୁକୁ ଆପଣଙ୍କ ହସ୍ତରେ ସମର୍ପଣ କରିଅଛନ୍ତି; ଏଣୁ ଏବେ ଏହି ବର୍ଚ୍ଛାରେ ତାହାକୁ ଆଘାତ କରି ଏକାଥରକେ ଭୂମିରେ ବିଦ୍ଧ କରିବାକୁ ମୋତେ ଅନୁମତି ଦେଉନ୍ତୁ, ମୁଁ ତାହାକୁ ଦୁଇ ଥର ଆଘାତ କରିବି ନାହିଁ।
\s5
\v 9 ଏଥିରେ ଦାଉଦ ଅବୀଶୟକୁ କହିଲେ, ତାଙ୍କୁ ବିନାଶ କର ନାହିଁ, କାରଣ ସଦାପ୍ରଭୁଙ୍କ ଅଭିଷିକ୍ତର ପ୍ରତିକୂଳରେ କିଏ ହସ୍ତ ବିସ୍ତାର କରି ନିର୍ଦ୍ଦୋଷ ହୋଇପାରେ ?
\v 10 ଆହୁରି ଦାଉଦ କହିଲେ, ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ସଦାପ୍ରଭୁ ତାଙ୍କୁ ଆଘାତ କରିବେ; ଅବା ତାଙ୍କର ମରଣ ଦିନ ଉପସ୍ଥିତ ହେବ; କିଅବା ସେ ଯୁଦ୍ଧକୁ ଯାଇ ବିନଷ୍ଟ ହେବେ।
\s5
\v 11 ମୁଁ ଯେ ସଦାପ୍ରଭୁଙ୍କ ଅଭିଷିକ୍ତଙ୍କର ପ୍ରତିକୂଳରେ ହସ୍ତ ବିସ୍ତାର କରିବି, ଏହା ସଦାପ୍ରଭୁ ମୋ’ଠାରୁ ଦୂର କରନ୍ତୁ; ମାତ୍ର ତୁମ୍ଭେ ତାଙ୍କ ମସ୍ତକ ପାଖରୁ ବର୍ଚ୍ଛା ଓ ଜଳପାତ୍ର ନେଇ ଆସ, ଆମ୍ଭେମାନେ ଯିବା।
\v 12 ତହୁଁ ଦାଉଦ ଶାଉଲଙ୍କର ମସ୍ତକ ପାଖରୁ ବର୍ଚ୍ଛା ଓ ଜଳପାତ୍ର ନେଲେ ଓ ସେମାନେ ବାହାରିଗଲେ, ମାତ୍ର ସମସ୍ତେ ନିଦ୍ରିତ ଥିବାରୁ କେହି ତାହା ଦେଖିଲା ନାହିଁ, କି ଜାଣିଲା ନାହିଁ, କି କେହି ଜାଗିଲା ନାହିଁ; କାରଣ ସମସ୍ତେ ନିଦ୍ରିତ ଥିଲେ; ଯେହେତୁ ସଦାପ୍ରଭୁ ସେମାନଙ୍କୁ ଘୋର ନିଦ୍ରାଗ୍ରସ୍ତ କରିଥିଲେ।
\s5
\v 13 ଏଉତ୍ତାରେ ଦାଉଦ ସେପାଖକୁ ଯାଇ ଦୂର ପର୍ବତଶିଖରରେ ଠିଆ ହେଲେ; ସେମାନଙ୍କ ମଧ୍ୟରେ ବହୁତ ସ୍ଥାନ ଅନ୍ତର ଥିଲା।
\v 14 ଆଉ ଦାଉଦ ଲୋକମାନଙ୍କୁ ଓ ନେର୍‍ର ପୁତ୍ର ଅବ୍‍ନରକୁ ଡାକି କହିଲେ, ହେ ଅବ୍‍ନର, ତୁମ୍ଭେ କ’ଣ ଉତ୍ତର ଦେବ ନାହିଁ ? ତେବେ ଅବ୍‍ନର ଉତ୍ତର ଦେଇ କହିଲା, ରାଜାଙ୍କୁ ଡାକ ପକାଇବା ଲୋକ ତୁମ୍ଭେ କିଏ ?
\s5
\v 15 ଏଥିରେ ଦାଉଦ ଅବ୍‍ନରକୁ କହିଲେ, ତୁମ୍ଭେ କି ଜଣେ ପୁରୁଷ ନୁହଁ ? ଇସ୍ରାଏଲ ମଧ୍ୟରେ ତୁମ୍ଭ ପରି କିଏ ଅଛି ? ତେବେ ତୁମ୍ଭେ କାହିଁକି ଆପଣା ପ୍ରଭୁ ରାଜାଙ୍କୁ ଜଗି ରହିଲ ନାହିଁ ? କାରଣ ତୁମ୍ଭ ପ୍ରଭୁ ରାଜାଙ୍କୁ ବିନାଶ କରିବା ପାଇଁ ଲୋକମାନଙ୍କ ମଧ୍ୟରୁ ଜଣେ ଆସିଥିଲା।
\v 16 ତୁମ୍ଭେ ଏହି ଯେଉଁ କର୍ମ କଲ, ତାହା ଭଲ ନୁହେଁ। ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ତୁମ୍ଭେମାନେ ପ୍ରାଣଦଣ୍ଡ ଯୋଗ୍ୟ, କାରଣ ତୁମ୍ଭେମାନେ ସଦାପ୍ରଭୁଙ୍କ ଅଭିଷିକ୍ତ ତୁମ୍ଭମାନଙ୍କ ପ୍ରଭୁଙ୍କୁ ଜଗି ରହିଲ ନାହିଁ। ଏବେ ରାଜାଙ୍କ ବର୍ଚ୍ଛା ଓ ତାଙ୍କ ମସ୍ତକ ନିକଟରେ ଥିବା ଜଳପାତ୍ର କାହିଁ, ଦେଖିଲ ?
\s5
\v 17 ସେତେବେଳେ ଶାଉଲ ଦାଉଦଙ୍କର ରବ ବାରି କହିଲେ, ହେ ମୋର ପୁତ୍ର ଦାଉଦ, ଏ କ’ଣ ତୁମ୍ଭର ରବ ? ତହିଁରେ ଦାଉଦ କହିଲେ, ମୋହର ରବ, ମୋହର ପ୍ରଭୁ, ମହାରାଜ।
\v 18 ଆହୁରି ସେ କହିଲେ, ମୋର ପ୍ରଭୁ ଆପଣା ଦାସ ପଛେ ପଛେ କାହିଁକି ଗୋଡ଼ାଇଅଛନ୍ତି ? ମୁଁ କଅଣ କରିଅଛି ? ଅବା ମୋ’ ହାତରେ କେଉଁ ମନ୍ଦତା ଅଛି ?
\s5
\v 19 ଏହେତୁ ଏବେ ମୋର ପ୍ରଭୁ ମହାରାଜ ଆପଣା ଦାସ କଥା ଶୁଣନ୍ତୁ। ଯେବେ ସଦାପ୍ରଭୁ ଆପଣଙ୍କୁ ମୋର ପ୍ରତିକୂଳରେ ପ୍ରବର୍ତ୍ତାଇଥାଆନ୍ତି, ତେବେ ସେ ଉପହାର ଗ୍ରହଣ କରନ୍ତୁ; ମାତ୍ର ଯେବେ ମନୁଷ୍ୟ ସନ୍ତାନମାନେ ତାହା କରିଥା’ନ୍ତି, ତେବେ ସେମାନେ ସଦାପ୍ରଭୁଙ୍କ ସମ୍ମୁଖରେ ଶାପଗ୍ରସ୍ତ ହେଉନ୍ତୁ; କାରଣ ମୁଁ ଯେପରି ସଦାପ୍ରଭୁଙ୍କ ଅଧିକାରରେ ସଂଲଗ୍ନ ହୋଇ ନ ରହିବି, ଏଥିପାଇଁ ସେମାନେ ଆଜି ମୋତେ ତଡ଼ିଦେଇ କହିଅଛନ୍ତି, ଯାଅ ଅନ୍ୟ ଦେବଗଣର ସେବା କର।
\v 20 ଏହେତୁ ଏବେ ସଦାପ୍ରଭୁଙ୍କ ଛାମୁରୁ ଦୂରରେ ମୋହର ରକ୍ତ ଭୂମିରେ ପତିତ ନ ହେଉ।
\f +
\fr 26:20
\ft ଅର୍ଥାତ୍ ମୋତେ ବଧ କର ନାହିଁ
\f* କାରଣ ଯେପରି କେହି ପର୍ବତରେ ତିତ୍ତିର ପକ୍ଷୀ ପଛେ ମୃଗୟା କରେ, ସେପରି ଇସ୍ରାଏଲର ରାଜା ଗୋଟିଏ ଡାଉଁଶର ଅନ୍ୱେଷଣରେ ବାହାର ହୋଇ ଆସିଅଛନ୍ତି।
\s5
\v 21 ଏଥିରେ ଶାଉଲ କହିଲେ, ମୁଁ ପାପ କଲି; ହେ ମୋହର ପୁତ୍ର ଦାଉଦ, ଫେରି ଆସ; ମୁଁ ତୁମ୍ଭକୁ ଆଉ ହିଂସା କରିବି ନାହିଁ, କାରଣ ଆଜି ମୋହର ପ୍ରାଣ ତୁମ୍ଭ ଦୃଷ୍ଟିରେ ବହୁମୂଲ୍ୟ ହେଲା; ଦେଖ, ମୁଁ ମୂର୍ଖତାର କର୍ମ କରିଅଛି ଓ ଅତିଶୟ ଭ୍ରାନ୍ତ ହୋଇଅଛି।
\s5
\v 22 ତହିଁରେ ଦାଉଦ ଉତ୍ତର ଦେଇ କହିଲେ, ମହାରାଜ, ଏ ବର୍ଚ୍ଛା ଦେଖନ୍ତୁ ! ଯୁବାମାନଙ୍କ ମଧ୍ୟରୁ ଜଣେ ପାର ହୋଇ ଆସି ଏହା ନେଇ ଯାଉ।
\v 23 ପୁଣି, ସଦାପ୍ରଭୁ ପ୍ରତ୍ୟେକ ମନୁଷ୍ୟକୁ ତାହାର ଧାର୍ମିକତା ଓ ବିଶ୍ୱସ୍ତତା ପ୍ରମାଣେ ଫଳ ଦେଉନ୍ତୁ; ସଦାପ୍ରଭୁ ଆଜି ଆପଣଙ୍କୁ ମୋହର ହସ୍ତରେ ସମର୍ପଣ କଲେ ହେଁ ମୁଁ ସଦାପ୍ରଭୁଙ୍କ ଅଭିଷିକ୍ତଙ୍କର ପ୍ରତିକୂଳରେ ହସ୍ତ ବିସ୍ତାର କରିବାକୁ ଇଚ୍ଛା କଲି ନାହିଁ।
\s5
\v 24 ଏହେତୁ ଦେଖନ୍ତୁ, ଆଜି ଯେପରି ମୋ’ ଦୃଷ୍ଟିରେ ଆପଣଙ୍କ ପ୍ରାଣ ବଡ଼ ହେଲା, ସେପରି ସଦାପ୍ରଭୁଙ୍କ ଦୃଷ୍ଟିରେ ମୋହର ପ୍ରାଣ ବଡ଼ ହେଉ ଓ ସେ ମୋତେ ସମସ୍ତ କ୍ଳେଶରୁ ଉଦ୍ଧାର କରନ୍ତୁ।
\v 25 ଏଥିରେ ଶାଉଲ ଦାଉଦଙ୍କୁ କହିଲେ, ହେ ମୋହର ପୁତ୍ର ଦାଉଦ, ତୁମ୍ଭେ ଧନ୍ୟ; ତୁମ୍ଭେ ମହତ କର୍ମ କରିବ ଓ ଅବଶ୍ୟ କୃତକାର୍ଯ୍ୟ ହେବ। ତହୁଁ ଦାଉଦ ଆପଣା ପଥରେ ଗଲେ ଓ ଶାଉଲ ଆପଣା ସ୍ଥାନକୁ ଫେରି ଗଲେ।
\s5
\c 27
\s ପଲେଷ୍ଟୀୟଙ୍କ ମଧ୍ୟକୁ ଦାଉଦଙ୍କ ପଳାୟନ
\p
\v 1 ଏଥିଉତ୍ତାରେ ଦାଉଦ ମନେ ମନେ କହିଲେ, ଏବେ ମୁଁ କୌଣସି ଦିନ ଶାଉଲଙ୍କ ହସ୍ତରେ ବିନଷ୍ଟ ହେବି; ପଲେଷ୍ଟୀୟମାନଙ୍କ ଦେଶକୁ ପଳାଇ ରକ୍ଷା ପାଇବା ବିନୁ ମୋହର ଆଉ କିଛି ଭଲ ଉପାୟ ନାହିଁ; ତହିଁରେ ଶାଉଲ ଇସ୍ରାଏଲର ସମସ୍ତ ଅଞ୍ଚଳରେ ମୋତେ ଖୋଜି ଖୋଜି ନିରାଶ ହେବେ; ଏହିରୂପେ ମୁଁ ତାଙ୍କ ହସ୍ତରୁ ରକ୍ଷା ପାଇବି।
\s5
\v 2 ଏଉତ୍ତାରେ ଦାଉଦ ଓ ତାଙ୍କ ସଙ୍ଗରେ ଥିବା ଛଅ ଶହ ଲୋକ ଉଠି ପାର ହୋଇ ମୋୟାବର ପୁତ୍ର ଆଖୀଶ୍‍ ନାମକ ଗାଥ୍‍ର ରାଜା ନିକଟକୁ ଗଲେ।
\v 3 ପୁଣି, ଦାଉଦ ଓ ତାଙ୍କର ଲୋକମାନେ ପ୍ରତ୍ୟେକ ଜଣ ଆପଣା ଆପଣା ପରିବାର ସହିତ ଆଖୀଶ୍‍ ନିକଟରେ ଗାଥ୍‍ ନଗରରେ ବାସ କଲେ, ବିଶେଷତଃ ଦାଉଦ ଓ ଯିଷ୍ରିୟେଲୀୟା ଅହୀନୋୟମ୍‍ ଓ ନାବଲର ଭାର୍ଯ୍ୟା କର୍ମିଲୀୟା ଅବୀଗଲ ନାମ୍ନୀ ତାଙ୍କର ଏହି ଦୁଇ ଭାର୍ଯ୍ୟା ସେଠାରେ ବାସ କଲେ।
\v 4 ଏଣୁ ଦାଉଦ ଗାଥ୍‍କୁ ପଳାଇଅଛି, ଏହି କଥା ଶାଉଲଙ୍କୁ ଜଣାଇ ଦିଆଯାଆନ୍ତେ, ସେ ପୁନର୍ବାର ତାଙ୍କର ଆଉ ଅନ୍ୱେଷଣ କଲେ ନାହିଁ।
\s5
\v 5 ଏଥିଉତ୍ତାରେ ଦାଉଦ ଆଖୀଶ୍‍କୁ କହିଲେ, ଯେବେ ମୁଁ ଆପଣଙ୍କ ଦୃଷ୍ଟିରେ ଅନୁଗ୍ରହ ପାଇଅଛି, ତେବେ ମୋହର ବାସ ନିମନ୍ତେ ଦେଶର ଲୋକମାନେ କୌଣସି ନଗରରେ ମୋତେ ସ୍ଥାନ ଦେଉନ୍ତୁ; କାହିଁକି ଆପଣଙ୍କ ଦାସ ଆପଣଙ୍କ ସହିତ ରାଜଧାନୀରେ ବାସ କରିବ ?
\v 6 ତହିଁରେ ଆଖୀଶ୍‍ ସେହି ଦିନ ତାହାକୁ ସିକ୍ଲଗ୍‍ ନଗର ଦେଲା; ଏହି ହେତୁ ଆଜି ପର୍ଯ୍ୟନ୍ତ ସିକ୍ଲଗ୍‍ ଯିହୁଦା ରାଜାମାନଙ୍କ ଅଧିକାରରେ ଅଛି।
\v 7 ଦାଉଦ ପଲେଷ୍ଟୀୟମାନଙ୍କ ଦେଶରେ ବାସ କରିବା ଦିନର ସଂଖ୍ୟା ସମ୍ପୂର୍ଣ୍ଣ ଏକ ବର୍ଷ ଚାରି ମାସ ଥିଲା।
\s5
\v 8 ଏଥି ମଧ୍ୟରେ ଦାଉଦ ଓ ତାଙ୍କର ଲୋକମାନେ ଯାଇ ଗଶୂରୀୟ ଓ ଗିଷରୀୟ ଓ ଅମାଲେକୀୟ ଲୋକମାନଙ୍କୁ ଆକ୍ରମଣ କରୁଥାଆନ୍ତି; କାରଣ ଶୂରର ସନ୍ନିକଟ ଓ ମିସର ପର୍ଯ୍ୟନ୍ତ ଯେଉଁ ଦେଶ, ତହିଁ ମଧ୍ୟରେ ପୂର୍ବକାଳରୁ ସେମାନେ ବାସ କରୁଥିଲେ।
\v 9 ପୁଣି, ଦାଉଦ ସେହି ଦେଶ ନିବାସୀମାନଙ୍କୁ ଆଘାତ କରି ପୁରୁଷ ଓ ସ୍ତ୍ରୀ କାହାକୁ ହିଁ ଜୀବିତ ରଖନ୍ତି ନାହିଁ ଓ ମେଷ, ଗୋରୁ, ଗର୍ଦ୍ଦଭ, ଉଷ୍ଟ୍ର ଓ ବସ୍ତ୍ରାଦି ଲୁଟ କରି ଆଖୀଶ୍‍ ନିକଟକୁ ଫେରି ଆସନ୍ତି।
\s5
\v 10 ଏଥିରେ ଆଜି ତୁମ୍ଭେମାନେ କେଉଁ ସ୍ଥାନ ଆକ୍ରମଣ କଲ ବୋଲି ଆଖୀଶ୍‍ ପଚାରନ୍ତେ, ଦାଉଦ କହନ୍ତି, ଯିହୁଦାର ଦକ୍ଷିଣାଞ୍ଚଳ ଓ ଯିରହମେଲୀୟମାନଙ୍କ ଦକ୍ଷିଣାଞ୍ଚଳ ଓ କେନୀୟମାନଙ୍କ ଦକ୍ଷିଣାଞ୍ଚଳ।
\s5
\v 11 ପୁଣି, ଦାଉଦ ଏପରି କରନ୍ତି ଓ ପଲେଷ୍ଟୀୟମାନଙ୍କ ଦେଶରେ ବାସ କରିବା ସମୟାବଧି ଏପରି କରିବାର ତାଙ୍କର ରୀତି ହୋଇଅଛି, ଏହି କଥା କେହି ଅବା ଆମ୍ଭମାନଙ୍କ ବିରୁଦ୍ଧରେ କହିବ ବୋଲି ଭାବି ଦାଉଦ ଗାଥ୍‍କୁ ଆଣିବା ପାଇଁ ପୁରୁଷ କି ସ୍ତ୍ରୀ କାହାକୁ ଜୀବିତ ରଖନ୍ତି ନାହିଁ।
\v 12 ଏହେତୁ ଆଖୀଶ୍‍ ଦାଉଦଙ୍କୁ ବିଶ୍ୱାସ କରି କହିଲା, ସେ ଆପଣା ଲୋକ ଇସ୍ରାଏଲ ନିକଟରେ ଆପଣାକୁ ନିତାନ୍ତ ଦୁର୍ଗନ୍ଧ ସ୍ୱରୂପ କରିଅଛି; ଏଣୁ ସେ ସର୍ବଦା ମୋହର ଦାସ ହୋଇ ରହିବ।
\s5
\c 28
\p
\v 1 ସେହି ସମୟରେ ଇସ୍ରାଏଲ ସହିତ ଯୁଦ୍ଧ କରିବା ନିମନ୍ତେ ପଲେଷ୍ଟୀୟମାନେ ସଂଗ୍ରାମ ପାଇଁ ଆପଣାମାନଙ୍କ ସୈନ୍ୟସାମନ୍ତ ସଂଗ୍ରହ କଲେ। ଏଣୁ ଆଖୀଶ୍‍ ଦାଉଦଙ୍କୁ କହିଲା, ତୁମ୍ଭକୁ ଓ ତୁମ୍ଭ ଲୋକମାନଙ୍କୁ ସୈନ୍ୟସାମନ୍ତଭୁକ୍ତ ହୋଇ ମୋ’ ସଙ୍ଗେ ଯିବାକୁ ହେବ, ଏହା ତୁମ୍ଭେ ନିଶ୍ଚୟ ଜାଣ।
\v 2 ତହିଁରେ ଦାଉଦ ଆଖୀଶ୍‍କୁ କହିଲେ, ତାହାହେଲେ ଆପଣଙ୍କ ଦାସ କଅଣ କରିବ, ତାହା ଆପଣ ଜାଣିବେ। ତେଣୁ ଆଖୀଶ୍‍ ଦାଉଦଙ୍କୁ କହିଲା, ସେଥିପାଇଁ ମୁଁ ତୁମ୍ଭକୁ ଯାବଜ୍ଜୀବନ ଆପଣା ମସ୍ତକ-ରକ୍ଷକ କରିବି।
\s ଭୂତୁଡ଼ିଆ ସହ ଶାଉଲଙ୍କ ପରାମର୍ଶ
\p
\s5
\v 3 ଏହି ସମୟକୁ ଶାମୁୟେଲ ମରିଯାଇଥିଲେ ଓ ସମୁଦାୟ ଇସ୍ରାଏଲ ତାଙ୍କ ପାଇଁ ଶୋକ କରି ତାଙ୍କର ନିଜ ନଗର ରାମାରେ ତାଙ୍କୁ କବର ଦେଇଥିଲେ। ପୁଣି, ଶାଉଲ ଭୂତୁଡ଼ିଆ ଓ ଗୁଣିଆ ଲୋକମାନଙ୍କୁ ଦେଶରୁ ଦୂର କରି ଦେଇଥିଲେ।
\v 4 ଏଥିରେ ପଲେଷ୍ଟୀୟମାନେ ଏକତ୍ର ହୋଇ ଆସି ଶୂନେମରେ ଛାଉଣି ସ୍ଥାପନ କଲେ; ପୁଣି, ଶାଉଲ ସମସ୍ତ ଇସ୍ରାଏଲକୁ ଏକତ୍ର କରନ୍ତେ, ସେମାନେ ଗିଲ୍‍ବୋୟରେ ଛାଉଣି ସ୍ଥାପନ କଲେ।
\s5
\v 5 ମାତ୍ର ଶାଉଲ ପଲେଷ୍ଟୀୟମାନଙ୍କ ସୈନ୍ୟସାମନ୍ତ ଦେଖି ଭୀତ ହେଲେ ଓ ତାଙ୍କର ହୃଦୟ ଅତ୍ୟନ୍ତ କମ୍ପିତ ହେଲା।
\v 6 ତହୁଁ ଶାଉଲ ସଦାପ୍ରଭୁଙ୍କ ନିକଟରେ ପଚାରନ୍ତେ, ସଦାପ୍ରଭୁ ତାଙ୍କୁ ଉତ୍ତର ଦେଲେ ନାହିଁ; ନା ସ୍ୱପ୍ନ ଦ୍ୱାରା, ନା ଊରୀମ୍‍ ଦ୍ୱାରା, ନା ଭବିଷ୍ୟଦ୍‍ବକ୍ତାମାନଙ୍କ ଦ୍ୱାରା।
\v 7 ତେବେ ଶାଉଲ ଆପଣା ଦାସମାନଙ୍କୁ କହିଲେ, ମୋ’ ପାଇଁ ଗୋଟିଏ ଭୂତୁଡ଼ିଆ ସ୍ତ୍ରୀ ଖୋଜ, ମୁଁ ତାହା କତିକି ଯାଇ ତାହାଠାରୁ ବୁଝିବି। ଏଥିରେ ତାଙ୍କର ଦାସମାନେ ତାଙ୍କୁ କହିଲେ, ଦେଖନ୍ତୁ, ଐନ୍‍-ଦୋରରେ ଏକ ଭୂତୁଡ଼ିଆ ସ୍ତ୍ରୀ ଅଛି।
\s5
\v 8 ତହୁଁ ଶାଉଲ ଅନ୍ୟ ବସ୍ତ୍ର ପିନ୍ଧି ଛଦ୍ମବେଶ ଧରି ଦୁଇ ଜଣ ପୁରୁଷଙ୍କୁ ସଙ୍ଗେ ନେଇ ଗଲେ ଓ ସେମାନେ ରାତ୍ରି ବେଳେ ସେହି ସ୍ତ୍ରୀ ନିକଟରେ ଉପସ୍ଥିତ ହେଲେ; ତହୁଁ ଶାଉଲ କହିଲେ, ତୁମ୍ଭେ ଭୂତ ଦ୍ୱାରା ମୋ’ ପାଇଁ ଟିକିଏ ମନ୍ତ୍ର ପଢ଼, ମୁଁ ତୁମ୍ଭକୁ ଯାହାଙ୍କର ନାମ କହିବି, ତାଙ୍କୁ ମୋ’ କତିକି ଉଠାଇ ଆଣ।
\v 9 ଏଥିରେ ସେ ସ୍ତ୍ରୀ କହିଲା, ଦେଖ, ଶାଉଲ ଯାହା କରିଅଛି, କିପରି ସେ ଭୂତୁଡ଼ିଆ ଓ ଗୁଣିଆମାନଙ୍କୁ ଦେଶରୁ ଉଚ୍ଛିନ୍ନ କରିଅଛି, ତାହା ତୁମ୍ଭେ ଜାଣ; ଏଣୁ ମୋହର ମୃତ୍ୟୁୁ ଘଟାଇବା ପାଇଁ କାହିଁକି ମୋହର ପ୍ରାଣ ବିରୁଦ୍ଧରେ ଫାନ୍ଦ ପାତୁଅଛ ?
\v 10 ଏଥିରେ ଶାଉଲ ସଦାପ୍ରଭୁଙ୍କ ନାମରେ ଶପଥ କରି ତାହାକୁ କହିଲେ, ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ଏହି କଥା ସକାଶୁ ତୁମ୍ଭ ପ୍ରତି କୌଣସି ଦଣ୍ଡ ବର୍ତ୍ତିବ ନାହିଁ।
\s5
\v 11 ସେତେବେଳେ ସେହି ସ୍ତ୍ରୀ କହିଲା, ମୁଁ କାହାକୁ ତୁମ୍ଭ କତିକି ଉଠାଇ ଆଣିବି ? ସେ କହିଲେ, ମୋ’ କତିକି ଶାମୁୟେଲଙ୍କୁ ଉଠାଇ ଆଣ।
\v 12 ଏଥିରେ ସେ ସ୍ତ୍ରୀ ଶାମୁୟେଲଙ୍କୁ ଦେଖି ଉଚ୍ଚୈଃସ୍ୱରରେ କ୍ରନ୍ଦନ କଲା, ଆଉ ସେ ଶାଉଲଙ୍କୁ କହିଲା, ଆପଣ କାହିଁକି ମୋତେ ପ୍ରତାରଣା କଲେ ? କାରଣ ଆପଣ ଶାଉଲ।
\s5
\v 13 ତହୁଁ ରାଜା ତାହାକୁ କହିଲେ, ଭୟ ନ କର; ତୁମ୍ଭେ କଅଣ ଦେଖୁଅଛ ? ତହିଁରେ ସେ ସ୍ତ୍ରୀ ଶାଉଲଙ୍କୁ କହିଲା, ମୁଁ ଦେବଗଣ (ତୁଲ୍ୟ ଏକ ବ୍ୟକ୍ତି) ଭୂମିରୁ ଉଠି ଆସିବାର ଦେଖୁଅଛି।
\v 14 ଏଥିରେ ଶାଉଲ ତାହାକୁ ପଚାରିଲେ, ତାହାର ରୂପ କି ପ୍ରକାର ? ସେ କହିଲା, ଜଣେ ବୃଦ୍ଧ ଲୋକ ଉଠି ଆସୁଅଛି; ସେ ଚୋଗାରେ ଆଚ୍ଛନ୍ନ ! ତହୁଁ ଶାଉଲ ଜାଣିଲେ ଯେ, ସେ ଶାମୁୟେଲ, ଏଣୁ ସେ ଭୂମିଷ୍ଠ ପ୍ରଣାମ କଲେ।
\s5
\v 15 ତହିଁରେ ଶାମୁୟେଲ ଶାଉଲଙ୍କୁ କହିଲେ, ତୁମ୍ଭେ ମୋତେ ଉଠାଇ ଆଣି କାହିଁକି ବ୍ୟସ୍ତ କଲ ? ତହୁଁ ଶାଉଲ ଉତ୍ତର ଦେଲେ, ମୁଁ ଅତ୍ୟନ୍ତ ବିପଦଗ୍ରସ୍ତ ହୋଇଅଛି; କାରଣ ପଲେଷ୍ଟୀୟମାନେ ମୋ’ ସଙ୍ଗେ ଯୁଦ୍ଧ କରୁଅଛନ୍ତି ଓ ପରମେଶ୍ୱର ମୋତେ ତ୍ୟାଗ କରିଅଛନ୍ତି, ପୁଣି, ମୋତେ ଆଉ ଉତ୍ତର ଦେଉ ନାହାନ୍ତି, ନା ଭବିଷ୍ୟଦ୍‍ବକ୍ତାମାନଙ୍କ ହାତରେ, ନା ସ୍ୱପ୍ନରେ (ଉତ୍ତର ଦେଉ ନାହାନ୍ତି); ଏଥିପାଇଁ ମୁଁ କଅଣ କରିବି, ଏହା ମୋତେ ଜଣାଇବା ପାଇଁ ମୁଁ ତୁମ୍ଭକୁ ଡକାଇଲି।
\s5
\v 16 ଏଥିରେ ଶାମୁୟେଲ କହିଲେ, ସଦାପ୍ରଭୁ ତ ତୁମ୍ଭକୁ ତ୍ୟାଗ କରିଅଛନ୍ତି ଓ ତୁମ୍ଭର ବିପକ୍ଷ ହୋଇଅଛନ୍ତି, ତେବେ ତୁମ୍ଭେ ମୋତେ କାହିଁକି ପଚାରୁଅଛ ?
\v 17 ସଦାପ୍ରଭୁ ମୋ’ ଦ୍ୱାରା ଯେପରି କହିଥିଲେ, ସେ ଆପଣା ପାଇଁ ସେପରି କରିଅଛନ୍ତି; ପୁଣି, ସଦାପ୍ରଭୁ ତୁମ୍ଭ ହସ୍ତରୁ ରାଜତ୍ୱ ଟାଣି ଚିରିଅଛନ୍ତି ଓ ତୁମ୍ଭ ପ୍ରତିବାସୀ ଦାଉଦଙ୍କୁ ତାହା ଦେଇଅଛନ୍ତି।
\s5
\v 18 ଯେହେତୁ ତୁମ୍ଭେ ସଦାପ୍ରଭୁଙ୍କ ରବ ଶୁଣିଲ ନାହିଁ ଓ ଅମାଲେକ ପ୍ରତି ତାହାଙ୍କ ପ୍ରଚଣ୍ଡ କୋପ ସଫଳ କଲ ନାହିଁ, ଏହେତୁ ଆଜି ସଦାପ୍ରଭୁ ତୁମ୍ଭ ପ୍ରତି ଏହି କର୍ମ କରିଅଛନ୍ତି।
\v 19 ଆହୁରି ସଦାପ୍ରଭୁ ତୁମ୍ଭ ସହିତ ଇସ୍ରାଏଲକୁ ମଧ୍ୟ ପଲେଷ୍ଟୀୟମାନଙ୍କ ହସ୍ତରେ ସମର୍ପଣ କରିବେ; ଏଣୁ କାଲି ତୁମ୍ଭେ ଓ ତୁମ୍ଭ ପୁତ୍ରମାନେ ଆମ୍ଭ ସଙ୍ଗୀ ହେବ;
\f +
\fr 28:19
\ft ଅର୍ଥାତ୍ ତୁମ୍ଭର ଓ ତୁମ୍ଭ ପୁତ୍ରମାନଙ୍କର ମୃତ୍ୟୁ ହେବ
\f* ମଧ୍ୟ ସଦାପ୍ରଭୁ ଇସ୍ରାଏଲର ସୈନ୍ୟସାମନ୍ତଙ୍କୁ ପଲେଷ୍ଟୀୟମାନଙ୍କ ହସ୍ତରେ ସମର୍ପଣ କରିବେ।
\s5
\v 20 ତହିଁରେ ଶାଉଲ ସେହିକ୍ଷଣି ଭୂମିରେ ଲମ୍ବ ହୋଇ ପଡ଼ିଗଲେ ଓ ଶାମୁୟେଲଙ୍କର କଥା ସକାଶୁ ଅତିଶୟ ଭୟ କଲେ ଓ ତାଙ୍କଠାରେ ଆଉ କିଛି ବଳ ରହିଲା ନାହିଁ; କାରଣ ସେ ସାରାଦିନ ଓ ସାରାରାତ୍ରି କିଛି ଭୋଜନ କରି ନ ଥିଲେ।
\v 21 ଏଥିରେ ସେ ସ୍ତ୍ରୀ ଶାଉଲଙ୍କ ନିକଟକୁ ଆସି ତାଙ୍କୁ ଅତିଶୟ ବିହ୍ୱଳ ଦେଖି କହିଲା, ଦେଖନ୍ତୁ, ଆପଣଙ୍କ ଦାସୀ ଆପଣଙ୍କ ରବ ଶୁଣିଅଛି ଓ ମୁଁ ମୋ’ ପ୍ରାଣ ଆପଣା ହାତରେ ଧରି ଯାହା ଆପଣ ମୋତେ କହିଲେ, ଆପଣଙ୍କ ସେହି କଥା ମୁଁ ଶୁଣିଲି।
\s5
\v 22 ଏହେତୁ ବିନୟ କରୁଅଛି, ଏବେ ଆପଣ ମଧ୍ୟ ଆପଣା ଦାସୀର ରବ ଶୁଣନ୍ତୁ ଓ ଆପଣଙ୍କ ସମ୍ମୁଖରେ ମୁଠିଏ ଆହାର ଥୋଇବା ପାଇଁ ମୋତେ ଅନୁମତି ଦେଉନ୍ତୁ ଓ ଭୋଜନ କରନ୍ତୁ, ତହିଁରେ ନିଜ ପଥରେ ଗଲା ବେଳେ ବଳ ପାଇବେ।
\v 23 ମାତ୍ର ସେ ଅସମ୍ମତ ହୋଇ କହିଲେ, ମୁଁ ଭୋଜନ କରିବି ନାହିଁ। ତଥାପି ତାଙ୍କର ଦାସମାନେ ଓ ସେ ସ୍ତ୍ରୀ ମିଶି ତାଙ୍କୁ ବଳାନ୍ତେ, ସେ ସେମାନଙ୍କ ରବ ଶୁଣିଲେ। ପୁଣି, ସେ ଭୂମିରୁ ଉଠି ଶଯ୍ୟା ଉପରେ ବସିଲେ।
\s5
\v 24 ସେତେବେଳେ ସେ ସ୍ତ୍ରୀର ଗୃହରେ ଗୋଟିଏ ହୃଷ୍ଟପୁଷ୍ଟ ବାଛୁରି ଥିଲା; ଏଣୁ ସେ ଶୀଘ୍ର ତାକୁ ମାରିଲା ଓ ମଇଦା ନେଇ ତାହା ଦଳି ତାଡ଼ିଶୂନ୍ୟ ରୁଟି ପ୍ରସ୍ତୁତ କଲା।
\v 25 ତହୁଁ ସେ ଶାଉଲଙ୍କ ସମ୍ମୁଖକୁ ଓ ତାଙ୍କର ଦାସମାନଙ୍କ ସମ୍ମୁଖକୁ ତାହା ଆଣନ୍ତେ, ସେମାନେ ଭୋଜନ କଲେ। ତହିଁ ଉତ୍ତାରେ ସେହି ରାତ୍ରିରେ ସେମାନେ ଉଠି ଚାଲିଗଲେ।
\s5
\c 29
\s ପଲେଷ୍ଟୀୟଙ୍କ ଦ୍ୱାରା ଦାଉଦ ପ୍ରତ୍ୟାଖ୍ୟାତ
\p
\v 1 ସେହି ସମୟରେ ପଲେଷ୍ଟୀୟମାନେ ଆପଣାମାନଙ୍କ ସୈନ୍ୟସାମନ୍ତ ସକଳ ଅଫେକରେ ଏକତ୍ର କଲେ ଓ ଇସ୍ରାଏଲୀୟମାନେ ଯିଷ୍ରିୟେଲସ୍ଥ ନିର୍ଝର ନିକଟରେ ଛାଉଣି ସ୍ଥାପନ କଲେ।
\v 2 ଏଥିରେ ପଲେଷ୍ଟୀୟମାନଙ୍କ ଅଧିପତିମାନେ ଶତ ଶତ ଓ ସହସ୍ର ସହସ୍ର ସୈନ୍ୟ ନେଇ କ୍ରମେ କ୍ରମେ ଅଗ୍ରସର ହେଲେ; ଆଉ ଦାଉଦ ଓ ତାଙ୍କର ଲୋକମାନେ ଆଖୀଶ୍‍ ସହିତ ପଛେ ପଛେ ଅଗ୍ରସର ହେଲେ।
\s5
\v 3 ତହିଁରେ ପଲେଷ୍ଟୀୟ ଅଧିପତିମାନେ କହିଲେ, ଏହି ଏବ୍ରୀୟମାନେ ଏଠାରେ କଅଣ କରୁଅଛନ୍ତି ? ତହୁଁ ଆଖୀଶ୍‍ ପଲେଷ୍ଟୀୟ ଅଧିପତିମାନଙ୍କୁ କହିଲେ, ଏ କ’ଣ ଇସ୍ରାଏଲର ରାଜା ଶାଉଲଙ୍କର ଦାସ ଦାଉଦ ନୁହେଁ ? ସେ ଏତେ ଦିନ ଓ ଏତେ ବର୍ଷ ହେଲା ମୋ’ ସଙ୍ଗରେ ଅଛି ଓ ମୋହର ପକ୍ଷ ହେବା ଦିନଠାରୁ ଆଜି ପର୍ଯ୍ୟନ୍ତ ମୁଁ ତାହାଠାରେ କୌଣସି ଦୋଷ ପାଇ ନାହିଁ।
\s5
\v 4 ମାତ୍ର ପଲେଷ୍ଟୀୟ ଅଧିପତିମାନେ ତାହା ଉପରେ କ୍ରୁଦ୍ଧ ହେଲେ ଓ ପଲେଷ୍ଟୀୟ ଅଧିପତିମାନେ ତାହାକୁ କହିଲେ, ତୁମ୍ଭେ ସେ ଲୋକକୁ ଫେରାଇ ଦିଅ, ତୁମ୍ଭେ ତାହା ପାଇଁ ଯେଉଁ ସ୍ଥାନ ନିରୂପଣ କରିଅଛ, ସେ ଆପଣାର ସେହି ସ୍ଥାନକୁ ଫେରିଯାଉ, ସେ ଆମ୍ଭମାନଙ୍କ ସଙ୍ଗରେ ଯୁଦ୍ଧକୁ ଯିବ ନାହିଁ, କେଜାଣି ଯୁଦ୍ଧ ସମୟରେ ସେ ଆମ୍ଭମାନଙ୍କର ବିପକ୍ଷ ହୋଇ ପଡ଼ିବ; ଏଇଟା ଆଉ କାହିଁରେ ଆପଣା ପ୍ରଭୁକୁ ପ୍ରସନ୍ନ କରିବ ? କି ଏହି ଲୋକମାନଙ୍କ ମସ୍ତକ ଦ୍ୱାରା ନୁହେଁ ?
\s5
\v 5 ଏଇଟା କି ସେହି ଦାଉଦ ନୁହେଁ, ଯାହାର ବିଷୟ ଲୋକମାନେ ନୃତ୍ୟ କରୁ କରୁ ପରସ୍ପର ଗାନ କରି କହିଥିଲେ; ଶାଉଲ ବଧ କଲେ ସହସ୍ର ସହସ୍ର, ଦାଉଦ ବଧ କଲେ ଅୟୁତ ଅୟୁତ ?
\s5
\v 6 ଏଥିରେ ଆଖୀଶ୍‍ ଦାଉଦଙ୍କୁ ଡାକି କହିଲା, ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ତୁମ୍ଭେ ସରଳ ଲୋକ ଓ ମୋ’ ସହିତ ସୈନ୍ୟସାମନ୍ତ ମଧ୍ୟରେ ତୁମ୍ଭର ଗମନାଗମନ ମୋ’ ଦୃଷ୍ଟିରେ ଉତ୍ତମ; କାରଣ ତୁମ୍ଭେ ମୋ’ କତିକି ଆସିବା ଦିନଠାରୁ ଆଜି ପର୍ଯ୍ୟନ୍ତ ତୁମ୍ଭଠାରେ କୌଣସି ମନ୍ଦତା ପାଇ ନାହିଁ; ତଥାପି ଅଧିପତିମାନଙ୍କ ଦୃଷ୍ଟିରେ ତୁମ୍ଭେ ଉତ୍ତମ ନୁହଁ।
\v 7 ଏଣୁ ଏବେ ଫେର ଓ କୁଶଳରେ ଯାଅ, ପଲେଷ୍ଟୀୟ ଅଧିପତିମାନଙ୍କ ଦୃଷ୍ଟିରେ ଯାହା ମନ୍ଦ, ତାହା ନ କର।
\s5
\v 8 ତହୁଁ ଦାଉଦ ଆଖୀଶ୍‍କୁ କହିଲେ, ମାତ୍ର ମୁଁ କଅଣ କଲି ? ଓ ମୁଁ ଆପଣଙ୍କ ସମ୍ମୁଖରେ ଥିବା ଦିନାବଧି ଆଜି ପର୍ଯ୍ୟନ୍ତ ଆପଣଙ୍କ ଏହି ଦାସଠାରେ ଆପଣ କ’ଣ ପାଇଲେ ଯେ, ମୁଁ ଯାଇ ମୋ’ ପ୍ରଭୁ ରାଜାଙ୍କ ଶତ୍ରୁମାନଙ୍କ ବିପକ୍ଷରେ ଯୁଦ୍ଧ କରିବି ନାହିଁ ?
\v 9 ଏଥିରେ ଆଖୀଶ୍‍ ଦାଉଦଙ୍କୁ ଉତ୍ତର ଦେଇ କହିଲା, ମୁଁ ଜାଣେ, ତୁମ୍ଭେ ମୋ’ ଦୃଷ୍ଟିରେ ପରମେଶ୍ୱରଙ୍କ ଦୂତ ପରି ଉତ୍ତମ; ତଥାପି ପଲେଷ୍ଟୀୟ ଅଧିପତିମାନେ କହୁଅଛନ୍ତି, ସେ ଆମ୍ଭମାନଙ୍କ ସଙ୍ଗରେ ଯୁଦ୍ଧକୁ ଯିବ ନାହିଁ।
\s5
\v 10 ଏହେତୁ ତୁମ୍ଭେ ଓ ତୁମ୍ଭ ସହିତ ଆଗତ ତୁମ୍ଭ ପ୍ରଭୁର ଦାସମାନେ ଅତି ପ୍ରଭାତରେ ଉଠ ଓ ଅତି ପ୍ରଭାତରେ ଉଠିଲାକ୍ଷଣି ଆଲୁଅ ହେଲେ ପ୍ରସ୍ଥାନ କର।
\v 11 ତହିଁରେ ଦାଉଦ ଓ ତାଙ୍କର ଲୋକମାନେ ପ୍ରଭାତରେ ପ୍ରସ୍ଥାନ କରି ପଲେଷ୍ଟୀୟମାନଙ୍କ ଦେଶକୁ ଫେରି ଯିବା ପାଇଁ ଶୀଘ୍ର ଉଠିଲେ। ଆଉ ପଲେଷ୍ଟୀୟମାନେ ଯିଷ୍ରିୟେଲକୁ ଗମନ କଲେ।
\s5
\c 30
\s ଅମାଲେକୀୟମାନଙ୍କ ବିରୁଦ୍ଧରେ ଯୁଦ୍ଧ
\p
\v 1 ଏଉତ୍ତାରେ ଦାଉଦ ଓ ତାଙ୍କର ଲୋକମାନେ ତୃତୀୟ ଦିନରେ ସିକ୍ଲଗ୍‍ ନଗରରେ ଉପସ୍ଥିତ ହେଲେ, ସେସମୟକୁ ଅମାଲେକୀୟ ଲୋକମାନେ ଦକ୍ଷିଣାଞ୍ଚଳ ଓ ସିକ୍ଲଗ୍‍ ଆକ୍ରମଣ କରିଥିଲେ ଓ ସିକ୍ଲଗ୍‍କୁ ଆଘାତ କରି ଅଗ୍ନିରେ ଦଗ୍ଧ କରିଥିଲେ।
\v 2 ପୁଣି, ତନ୍ମଧ୍ୟସ୍ଥିତ ସ୍ତ୍ରୀମାନଙ୍କୁ ଓ ସାନ ବଡ଼ ସମସ୍ତଙ୍କୁ ବନ୍ଦୀ କରି ନେଇ ଯାଇଥିଲେ; ସେମାନେ କାହାକୁ ବଧ ନ କରି ସମସ୍ତଙ୍କୁ ନେଇ ଆପଣା ପଥରେ ଚାଲି ଯାଇଥିଲେ।
\s5
\v 3 ପୁଣି, ଦାଉଦ ଓ ତାଙ୍କର ଲୋକମାନେ ନଗରରେ ଉପସ୍ଥିତ ହୁଅନ୍ତେ, ଦେଖ, ନଗର ଅଗ୍ନିରେ ଦଗ୍ଧ ଓ ସେମାନଙ୍କ ଭାର୍ଯ୍ୟା, ପୁତ୍ର ଓ କନ୍ୟାଗଣ ବନ୍ଦୀ ରୂପେ ନୀତ ହୋଇଅଛନ୍ତି।
\v 4 ତହୁଁ ଦାଉଦ ଓ ତାଙ୍କର ସଙ୍ଗୀ ଲୋକମାନେ ଆପଣା ଆପଣା ରବ ଉଠାଇ ରୋଦନ କଲେ, ଏପରି କି ଆଉ ରୋଦନ କରିବାକୁ ସେମାନଙ୍କଠାରେ କିଛି ବଳ ରହିଲା ନାହିଁ।
\s5
\v 5 ପୁଣି, ଯିଷ୍ରିୟେଲୀୟା ଅହୀନୋୟମ୍‍ ଓ କର୍ମିଲୀୟ ନାବଲର ଭାର୍ଯ୍ୟା ଅବୀଗଲ ନାମ୍ନୀ ଦାଉଦଙ୍କର ଦୁଇ ଭାର୍ଯ୍ୟା ବନ୍ଦୀ ହୋଇଥିଲେ।
\v 6 ଏଥିରେ ଦାଉଦ ଅତିଶୟ ଉଦ୍‍ବିଗ୍ନ ହେଲେ; କାରଣ ପ୍ରତ୍ୟେକ ଲୋକର ମନ ଆପଣା ଆପଣା ପୁତ୍ରକନ୍ୟା ସକାଶୁ ବିରକ୍ତ ହେବାରୁ ଲୋକମାନେ ତାଙ୍କୁ ପଥରରେ ମାରିବାକୁ କହିଲେ; ମାତ୍ର, ଦାଉଦ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କଠାରେ ଆପଣାକୁ ସବଳ କଲେ।
\s5
\v 7 ଏଉତ୍ତାରେ ଦାଉଦ ଅହୀମେଲକ୍‍ର ପୁତ୍ର ଅବୀୟାଥର ଯାଜକକୁ କହିଲେ, ମୋ’ କତିକି ଟିକିଏ ଏଫୋଦ ଆଣିଲ। ତହିଁରେ ଅବୀୟାଥର ଦାଉଦଙ୍କ ନିକଟକୁ ଏଫୋଦ ଆଣିଲା।
\v 8 ସେତେବେଳେ ଦାଉଦ ସଦାପ୍ରଭୁଙ୍କ ନିକଟରେ ପଚାରି କହିଲେ, ମୁଁ ଏହି ସୈନ୍ୟଦଳର ପଛେ ପଛେ ଗୋଡ଼ାଇଲେ କି ସେମାନଙ୍କର ସଙ୍ଗ ଧରି ପାରିବି ? ତହିଁରେ ସେ ତାଙ୍କୁ କହିଲେ, ପଛେ ପଛେ ଯାଅ; କାରଣ ତୁମ୍ଭେ ନିଶ୍ଚୟ ସେମାନଙ୍କର ସଙ୍ଗ ଧରିବ ଓ ବିଫଳ ନୋହି ସମସ୍ତଙ୍କୁ ଉଦ୍ଧାର କରିବ।
\s5
\v 9 ତହୁଁ ଦାଉଦ ଓ ତାଙ୍କର ସଙ୍ଗୀ ଛଅ ଶହ ଲୋକ ଯାଇ ବିଷୋର ନଦୀ ନିକଟରେ ଉପସ୍ଥିତ ହେଲେ, ସେଠାରେ ପଶ୍ଚାତ୍‍ ପରିତ୍ୟକ୍ତ ଲୋକମାନେ ରହିଗଲେ।
\v 10 ମାତ୍ର ଦାଉଦ ଓ ଚାରି ଶହ ଲୋକ ପଛେ ପଛେ ଗୋଡ଼ାଇଲେ; କାରଣ ଦୁଇ ଶହ ଲୋକ ଏପରି କ୍ଳାନ୍ତ ହୋଇଥିଲେ ଯେ, ସେମାନେ ବିଷୋର ନଦୀ ପାର ହୋଇ ନ ପାରି ପଛରେ ରହିଗଲେ।
\s5
\v 11 ଏଉତ୍ତାରେ ଲୋକମାନେ କ୍ଷେତ୍ରରେ ଜଣେ ମିସ୍ରୀୟକୁ ପାଇ ଦାଉଦଙ୍କ ନିକଟକୁ ଆଣିଲେ ଓ ତାହାକୁ ଆହାର ଦିଅନ୍ତେ ସେ ଭୋଜନ କଲା; ମଧ୍ୟ ସେମାନେ ପାନ କରିବା ପାଇଁ ତାହାକୁ ଜଳ ଦେଲେ;
\v 12 ପୁଣି, ସେମାନେ ତାହାକୁ ଡିମ୍ବିରିଚକ୍ତିରୁ ଏକ ଖଣ୍ଡ ଓ ଦୁଇ ପେଣ୍ଡା ଦ୍ରାକ୍ଷା ଦେଲେ; ଆଉ ସେ ଭୋଜନ କରନ୍ତେ ଚେତନା ପାଇଲା, କାରଣ ସେ ତିନି ଦିନ ତିନି ରାତ୍ରି କିଛି ଆହାର କରି ନ ଥିଲା, କି କିଛି ଜଳପାନ କରି ନ ଥିଲା।
\s5
\v 13 ଏଥିରେ ଦାଉଦ ତାହାକୁ ପଚାରିଲେ, ତୁମ୍ଭେ କାହାର ଲୋକ ? ଓ ତୁମ୍ଭେ କେଉଁଠାରୁ ଆସିଅଛ ? ତହୁଁ ସେ କହିଲା, ମୁଁ ଜଣେ ମିସ୍ରୀୟ ଯୁବା ଓ ଏକ ଅମାଲେକୀୟ ଲୋକର ଦାସ; ପୁଣି, ତିନି ଦିନ ହେଲା ମୁଁ ପୀଡ଼ିତ ହେବାରୁ ମୋହର ମୁନିବ ମୋତେ ଛାଡ଼ି ଚାଲିଗଲା।
\v 14 ଆମ୍ଭେମାନେ କରେଥୀୟମାନଙ୍କ ଦକ୍ଷିଣାଞ୍ଚଳ ଆକ୍ରମଣ କଲୁ ଓ ଆମ୍ଭେମାନେ ସିକ୍ଲଗ୍‍କୁ ଅଗ୍ନିରେ ଓ ଯିହୁଦାର ଅଧିକାର ଓ କାଲେବର ଦକ୍ଷିଣାଞ୍ଚଳ ଦଗ୍ଧ କଲୁ।
\s5
\v 15 ତହିଁରେ ଦାଉଦ ତାହାକୁ କହିଲେ, ତୁମ୍ଭେ କ’ଣ ଆମ୍ଭକୁ ସେହି ସୈନ୍ୟଦଳ ନିକଟକୁ ନେଇଯିବ ? ତହୁଁ ସେ କହିଲା, ତୁମ୍ଭେ ଯେ ମୋତେ ବଧ କରିବ ନାହିଁ, ଅବା ମୋହର ମୁନିବ ହସ୍ତରେ ମୋତେ ସମର୍ପଣ କରିବ ନାହିଁ, ଏହା ପରମେଶ୍ୱରଙ୍କ ନାମରେ ଶପଥ କର, ତେବେ ମୁଁ ସେହି ସୈନ୍ୟଦଳ ନିକଟକୁ ତୁମ୍ଭକୁ ନେଇଯିବି।
\s5
\v 16 ଏଉତ୍ତାରେ ସେ ତାଙ୍କୁ ନେଇଯାଆନ୍ତେ, ଦେଖ, ପଲେଷ୍ଟୀୟମାନଙ୍କର ଓ ଯିହୁଦାର ଦେଶରୁ ପ୍ରଚୁର ଲୁଟଦ୍ରବ୍ୟ ଆଣିଥିବାରୁ ସେମାନେ ଭୂମିଯାକ ବ୍ୟାପି ଭୋଜନପାନ ଓ ଉତ୍ସବ କରୁଅଛନ୍ତି।
\v 17 ଏହେତୁ ଦାଉଦ ଗୋଧୂଳି ସମୟାବଧି ପରଦିନ ସନ୍ଧ୍ୟା ପର୍ଯ୍ୟନ୍ତ ସେମାନଙ୍କୁ ଆଘାତ କଲେ; ଆଉ ଯେଉଁ ଚାରି ଶହ ଯୁବା ଲୋକ ଓଟ ଚଢ଼ି ପଳାଇଲେ, ସେମାନଙ୍କ ଛଡ଼ା ସେହି ଲୋକମାନଙ୍କ ମଧ୍ୟରୁ; ଜଣେ ଅବଶିଷ୍ଟ ରହିଲା ନାହିଁ।
\s5
\v 18 ପୁଣି, ଅମାଲେକୀୟମାନେ ଯାହା କିଛି ନେଇ ଯାଇଥିଲେ, ଦାଉଦ ସେସମସ୍ତ ଉଦ୍ଧାର କଲେ; ମଧ୍ୟ ଦାଉଦ ଆପଣାର ଦୁଇ ଭାର୍ଯ୍ୟାଙ୍କୁ ମୁକ୍ତ କଲେ।
\v 19 ପୁଣି, ସେମାନଙ୍କର ସାନ କି ବଡ଼, ପୁତ୍ର କି କନ୍ୟା, ଲୁଟଦ୍ରବ୍ୟ କି ଯାହା କିଛି ଅମାଲେକୀୟମାନେ ନେଇଥିଲେ, ତହିଁରୁ କିଛି ଊଣା ହେଲା ନାହିଁ; ଦାଉଦ ସବୁ ଫେରି ପାଇଲେ।
\v 20 ଆଉ ସେମାନେ ନିଜ ପଶୁପଲ ଆଗେ ଆଗେ ଯେଉଁ ଅନ୍ୟ ଗୋମେଷାଦି ପଲ ଅଡ଼ାଇ ନେଉଥିଲେ, ଦାଉଦ ସେସବୁ ନେଲେ, ପୁଣି, ଲୋକମାନେ କହିଲେ, ଏ ଦାଉଦଙ୍କ ଲୁଟଦ୍ରବ୍ୟ।
\s5
\v 21 ଏଉତ୍ତାରେ ଅତି କ୍ଳାନ୍ତ ହୋଇ ଦାଉଦଙ୍କର ପଛେ ପଛେ ଯାଇ ନ ପାରିବାରୁ ଯେଉଁ ଦୁଇ ଶହ ଲୋକଙ୍କୁ ସେମାନେ ବିଷୋର ନଦୀ ନିକଟରେ ରଖି ଯାଇଥିଲେ, ଦାଉଦ ସେମାନଙ୍କ ନିକଟକୁ ଗଲେ; ତହୁଁ ସେମାନେ ଦାଉଦଙ୍କୁ ଭେଟିବାକୁ ଓ ତାଙ୍କ ସଙ୍ଗୀ ଲୋକମାନଙ୍କୁ ଭେଟିବାକୁ ବାହାରିଲେ; ପୁଣି, ଦାଉଦ ଲୋକମାନଙ୍କ ନିକଟବର୍ତ୍ତୀ ହୋଇ ସେମାନଙ୍କୁ କୁଶଳବାର୍ତ୍ତା ପଚାରିଲେ।
\v 22 ସେତେବେଳେ ଦାଉଦଙ୍କ ସଙ୍ଗରେ ଯେଉଁମାନେ ଯାଇଥିଲେ, ସେମାନଙ୍କ ମଧ୍ୟରୁ ଦୁଷ୍ଟ ଓ ପାପାଧମ ମନୁଷ୍ୟ ସମସ୍ତେ ଉତ୍ତର ଦେଇ କହିଲେ, ସେମାନେ ଆମ୍ଭ ସଙ୍ଗରେ ଗଲେ ନାହିଁ, ଏଥିପାଇଁ ଆମ୍ଭେମାନେ ପ୍ରାପ୍ତ ଲୁଟ ଦ୍ରବ୍ୟରୁ ସେମାନଙ୍କୁ କିଛି ଦେବୁ ନାହିଁ, କେବଳ ସେମାନଙ୍କର ପ୍ରତ୍ୟେକ ଲୋକକୁ ତାହାର ଭାର୍ଯ୍ୟା ଓ ସନ୍ତାନସନ୍ତତି ଦେବୁ, ସେମାନେ ତାଙ୍କୁ ନେଇ ଚାଲିଯାଆନ୍ତୁ।
\s5
\v 23 ଏଥିରେ ଦାଉଦ ସେମାନଙ୍କୁ କହିଲେ, ହେ ମୋହର ଭ୍ରାତୃଗଣ, ଯେଉଁ ସଦାପ୍ରଭୁ ଆମ୍ଭମାନଙ୍କୁ ରକ୍ଷା କରି ଆମ୍ଭମାନଙ୍କ ପ୍ରତିକୂଳଗାମୀ ସୈନ୍ୟଦଳକୁ ଆମ୍ଭମାନଙ୍କ ହସ୍ତରେ ସମର୍ପଣ କଲେ, ସେ ଆମ୍ଭମାନଙ୍କୁ ଯାହା ଦେଇଅଛନ୍ତି, ତାହା ନେଇ ତୁମ୍ଭମାନଙ୍କର ଏରୂପ କରିବା ଉଚିତ ନୁହେଁ।
\v 24 ପୁଣି, ଏ ବିଷୟରେ ତୁମ୍ଭମାନଙ୍କର କଥା କିଏ ଶୁଣିବ ? କାରଣ ଯୁଦ୍ଧକୁ ଗମନକାରୀ ଲୋକ ଯେପରି ଆପଣା ଅଂଶ ପାଇବ, ସାମଗ୍ରୀ ନିକଟରେ ରହିବା ଲୋକ ସେପରି ଅଂଶ ପାଇବ, ସେମାନେ ସମାନ ଅଂଶ ପାଇବେ।
\v 25 ପୁଣି, ଦାଉଦ ସେହି ଦିନାବଧି ଇସ୍ରାଏଲ ନିମନ୍ତେ ଏହି ବିଧି ଓ ଶାସନ ସ୍ଥିର କଲେ, ତାହା ଆଜି ପର୍ଯ୍ୟନ୍ତ ଚଳୁଅଛି।
\s5
\v 26 ଏଉତ୍ତାରେ ଦାଉଦ ସିକ୍ଲଗ୍‍ରେ ଉପସ୍ଥିତ ହୁଅନ୍ତେ, ସେ ବେଥେଲ୍‍ ଓ ଦକ୍ଷିଣାଞ୍ଚଳସ୍ଥ ରାମତ୍‍ ଓ ଯତ୍ତୀର
\v 27 ଓ ଅରୋୟେର ଓ ଶିଫ୍‍ମୋତ୍‍ ଓ ଇଷ୍ଟିମୋୟ;
\v 28 ରାଖଲ ଓ ଯିରହମେଲୀୟମାନଙ୍କ ନଗର ଓ କେନୀୟମାନଙ୍କ ନଗର
\s5
\v 29 ଓ ହର୍ମା ଓ କୋରାଶନ ଓ ଅଥାକ୍‍
\v 30 ଓ ହିବ୍ରୋଣ ଓ ଯେ ଯେ ସ୍ଥାନରେ ଦାଉଦଙ୍କର ଓ ତାଙ୍କ ଲୋକମାନଙ୍କର ଗମନାଗମନ ହୋଇଥିଲା,
\v 31 ସେହି ସମସ୍ତ ସ୍ଥାନସ୍ଥିତ ଆପଣା ମିତ୍ର ଯିହୁଦାର ପ୍ରାଚୀନବର୍ଗଙ୍କ ନିକଟକୁ ଲୁଟିତ ଦ୍ରବ୍ୟରୁ କିଛି କିଛି ପଠାଇ କହିଲେ, ଦେଖ, ସଦାପ୍ରଭୁଙ୍କ ଶତ୍ରୁମାନଙ୍କଠାରୁ ଲୁଟିତ ଦ୍ରବ୍ୟ ମଧ୍ୟରୁ ତୁମ୍ଭମାନଙ୍କ ନିମନ୍ତେ ଏହି ଭେଟୀ।
\s5
\c 31
\s ଶାଉଲଙ୍କ ମୃତ୍ୟୁୁ
\p
\v 1 ଏଥି ମଧ୍ୟରେ ପଲେଷ୍ଟୀୟମାନେ ଇସ୍ରାଏଲ ବିରୁଦ୍ଧରେ ଯୁଦ୍ଧ କଲେ; ପୁଣି, ଇସ୍ରାଏଲ ଲୋକମାନେ ପଲେଷ୍ଟୀୟମାନଙ୍କ ସମ୍ମୁଖରୁ ପଳାଇ ଗିଲ୍‍ବୋୟ ପର୍ବତରେ ହତ ହୋଇ ପଡ଼ିଲେ।
\v 2 ଆଉ ପଲେଷ୍ଟୀୟମାନେ ଶାଉଲ ଓ ତାଙ୍କର ପୁତ୍ରମାନଙ୍କ ପଛେ ପଛେ ଲାଗି ଗୋଡ଼ାଇଲେ ଓ ପଲେଷ୍ଟୀୟମାନେ ଶାଉଲଙ୍କର ପୁତ୍ର ଯୋନାଥନକୁ ଓ ଅବୀନାଦବକୁ ଓ ମଲ୍‍କୀଶୂୟକୁ ବଧ କଲେ।
\v 3 ଏହିରୂପେ ଶାଉଲଙ୍କ ସଙ୍ଗରେ ଭାରୀ ଯୁଦ୍ଧ ହେଲା ଓ ଧନୁର୍ଦ୍ଧରମାନେ ତାଙ୍କୁ ଧରିଲେ; ଆଉ ଧନୁର୍ଦ୍ଧରମାନଙ୍କ ସକାଶୁ ସେ ଅତିଶୟ ଆହତ ହେଲେ।
\s5
\v 4 ତହିଁରେ ଶାଉଲ ଆପଣା ଅସ୍ତ୍ରବାହକକୁ କହିଲେ, ତୁମ୍ଭ ଖଡ୍ଗ ବାହାର କରି ତହିଁରେ ମୋତେ ଭୁସି ପକାଅ; କେଜାଣି ଏହି ଅସୁନ୍ନତମାନେ ଆସି ମୋତେ ଭୁସି ପକାଇ କୌତୁକ କରିବେ। ମାତ୍ର ତାଙ୍କର ଅସ୍ତ୍ରବାହକ ଅତିଶୟ ଭୀତ ହେବାରୁ ସମ୍ମତ ହେଲା ନାହିଁ। ଏହେତୁ ଶାଉଲ ଖଡ୍ଗ ନେଇ ଆପେ ତହିଁ ଉପରେ ପଡ଼ିଲେ।
\v 5 ତହିଁରେ ଶାଉଲ ମରିଅଛନ୍ତି, ଏହା ଦେଖି ତାଙ୍କ ଅସ୍ତ୍ରବାହକ ସେହିପରି ଆପଣା ଖଡ୍ଗ ଉପରେ ପଡ଼ି ତାଙ୍କ ସଙ୍ଗରେ ମଲା।
\v 6 ଏହିରୂପେ ଶାଉଲ ଓ ତାଙ୍କର ତିନି ପୁତ୍ର ଓ ତାଙ୍କର ଅସ୍ତ୍ରବାହକ ଓ ତାଙ୍କର ନିଜ ଲୋକ ସମସ୍ତେ ସେହି ଦିନ ଏକ ସଙ୍ଗରେ ମଲେ।
\s5
\v 7 ଏଉତ୍ତାରେ ଇସ୍ରାଏଲ ଲୋକମାନେ ପଳାଇଲେ, ଆଉ ଶାଉଲ ଓ ତାଙ୍କର ପୁତ୍ରମାନେ ମଲେ, ଏହା ଦେଖି ତଳଭୂମିର ଅନ୍ୟ ପାର୍ଶ୍ୱସ୍ଥ ଓ ଯର୍ଦ୍ଦନ ସେପାରିସ୍ଥ ଇସ୍ରାଏଲ ଲୋକମାନେ ନଗର ପରିତ୍ୟାଗ କରି ପଳାଇଲେ; ତହୁଁ ପଲେଷ୍ଟୀୟମାନେ ଆସି ତହିଁ ମଧ୍ୟରେ ବାସ କଲେ।
\v 8 ଏଥିଉତ୍ତାରେ ପର ଦିବସ ପଲେଷ୍ଟୀୟମାନେ ହତ ଲୋକମାନଙ୍କ ସଜ୍ଜାଦି ଫିଟାଇ ନେବା ପାଇଁ ଆସନ୍ତେ, ସେମାନେ ଶାଉଲଙ୍କୁ ଓ ତାଙ୍କର ତିନି ପୁତ୍ରଙ୍କୁ ଗିଲ୍‍ବୋୟ ପର୍ବତରେ ପଡ଼ିଥିବାର ଦେଖିଲେ।
\s5
\v 9 ତହୁଁ ସେମାନେ ତାଙ୍କର ମସ୍ତକ ଛେଦନ କରି ତାଙ୍କର ସଜ୍ଜାଦି ଫିଟାଇ ନେଲେ, ଆଉ ଆପଣାମାନଙ୍କ ଦେବପ୍ରତିମାଗଣର ଗୃହକୁ ଓ ଲୋକମାନଙ୍କ ନିକଟକୁ ସମ୍ବାଦ ଦେବା ପାଇଁ ପଲେଷ୍ଟୀୟମାନଙ୍କ ଦେଶର ଚାରିଆଡ଼େ ପଠାଇଲେ।
\v 10 ପୁଣି, ସେମାନେ ତାଙ୍କର ସଜ୍ଜା ଅଷ୍ଟାରୋତ୍‍ ଦେବୀ ଗୃହରେ ରଖିଲେ ଓ ତାଙ୍କର ଶରୀରକୁ ବେଥ୍-ଶାନ ପ୍ରାଚୀରରେ ଟାଙ୍ଗି ଦେଲେ।
\s5
\v 11 ଏଉତ୍ତାରେ ଯାବେଶ-ଗିଲୀୟଦ ନିବାସୀମାନେ ଶାଉଲଙ୍କ ପ୍ରତି ପଲେଷ୍ଟୀୟମାନଙ୍କ କୃତ କର୍ମର ସମ୍ବାଦ ପାଆନ୍ତେ,
\v 12 ସମସ୍ତ ବିକ୍ରମଶାଳୀ ଲୋକ ଉଠି ସେହି ରାତ୍ରିସାରା ଗମନ କରି ଶାଉଲଙ୍କର ଓ ତାଙ୍କର ପୁତ୍ରମାନଙ୍କ ଶରୀର ବେଥ୍-ଶାନ ପ୍ରାଚୀରରୁ ଯାବେଶକୁ ନେଇ ସେଠାରେ ସେସବୁ ଦଗ୍ଧ କଲେ।
\v 13 ପୁଣି, ସେମାନେ ସେମାନଙ୍କର ଅସ୍ଥି ନେଇ ଯାବେଶସ୍ଥ ଝାଉଁ ବୃକ୍ଷ ତଳେ ପୋତି ରଖିଲେ ଓ ସାତ ଦିନ ଉପବାସ କଲେ।