or_ulb/12-2KI.usfm

1436 lines
314 KiB
Plaintext
Raw Permalink Blame History

This file contains ambiguous Unicode characters

This file contains Unicode characters that might be confused with other characters. If you think that this is intentional, you can safely ignore this warning. Use the Escape button to reveal them.

\id 2KI - Odia Old Version Revision
\ide UTF-8
\rem Copyright Information: Creative Commons Attribution - ShareAlike 4.0 licence
\h ଦ୍ୱିତୀୟ ରାଜାବଳୀ
\toc1 ରାଜାବଳୀର ଦ୍ୱିତୀୟ ପୁସ୍ତକ
\toc2 ଦ୍ୱିତୀୟ ରାଜାବଳୀ
\toc3 2ki
\mt1 ରାଜାବଳୀର ଦ୍ୱିତୀୟ ପୁସ୍ତକ
\mt2 THE SECOND BOOK OF THE
\s5
\c 1
\s ଅହସୀୟଙ୍କୁ ଏଲୀୟଙ୍କ ନିନ୍ଦା
\p
\v 1 ଏଥିଉତ୍ତାରେ ଆହାବଙ୍କର ମୃତ୍ୟୁୁ ଉତ୍ତାରେ ମୋୟାବ ଦେଶ ଇସ୍ରାଏଲ ବିରୁଦ୍ଧରେ ବିଦ୍ରୋହ ଆଚରଣ କଲେ।
\v 2 ପୁଣି ଅହସୀୟ ଶମରୀୟାସ୍ଥ ଆପଣା ଉପରିସ୍ଥ କୋଠରିର ଝରକା ଦେଇ ପଡ଼ି ପୀଡ଼ିତ ହେଲେ; ଆଉ ସେ ଦୂତଗଣ ପଠାଇ ସେମାନଙ୍କୁ କହିଲେ, “ଯାଅ, ଏହି ପୀଡ଼ାରୁ ମୁଁ ସୁସ୍ଥ ହେବି କି ନାହିଁ, ଏହା ଇକ୍ରୋଣର ଦେବତା ବାଲ୍‍ସବୂବକୁ ପଚାର।”
\s5
\v 3 ମାତ୍ର ସଦାପ୍ରଭୁଙ୍କ ଦୂତ ତିଶ୍‍ବୀୟ ଏଲୀୟଙ୍କୁ କହିଲେ, “ଉଠ, ଶମରୀୟା ରାଜାଙ୍କର ଦୂତଗଣକୁ ସାକ୍ଷାତ କରିବାକୁ ଯାଅ ଓ ସେମାନଙ୍କୁ କୁହ, ଇସ୍ରାଏଲ ମଧ୍ୟରେ ପରମେଶ୍ୱର ନାହାନ୍ତି ବୋଲି କି ତୁମ୍ଭେମାନେ ଇକ୍ରୋଣର ଦେବତା ବାଲ୍‍ସବୂବକୁ ପଚାରିବାକୁ ଯାଉଅଛ ?”
\v 4 ଏହେତୁ ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭେ ଯେଉଁ ଶଯ୍ୟା ଉପରକୁ ଯାଇଅଛ, ତହିଁରୁ ତଳକୁ ଆସିବ ନାହିଁ, ମାତ୍ର ନିଶ୍ଚୟ ମରିବ।” ଏଉତ୍ତାରେ ଏଲୀୟ ପ୍ରସ୍ଥାନ କଲେ।
\p
\s5
\v 5 ତହୁଁ ଦୂତମାନେ ଅହସୀୟଙ୍କର ନିକଟକୁ ଫେରି ଆସନ୍ତେ, ସେ ସେମାନଙ୍କୁ ପଚାରିଲେ, “ତୁମ୍ଭେମାନେ କାହିଁକି ଫେରି ଆସିଲ ?”
\v 6 ଏଥିରେ ସେମାନେ ତାଙ୍କୁ କହିଲେ, “ଜଣେ ଲୋକ ଆମ୍ଭମାନଙ୍କୁ ସାକ୍ଷାତ କରିବାକୁ ଆସି କହିଲା, ଯେଉଁ ରାଜା ତୁମ୍ଭମାନଙ୍କୁ ପଠାଇଅଛି, ତାହା ନିକଟକୁ ଫେରି ଯାଇ ତାହାକୁ କୁହ, ସଦାପ୍ରଭୁ ଏହି କଥା କହନ୍ତି, ଇସ୍ରାଏଲ ମଧ୍ୟରେ ପରମେଶ୍ୱର ନାହାନ୍ତି ବୋଲି କି ତୁମ୍ଭେ ଇକ୍ରୋଣର ଦେବତା ବାଲ୍‍ସବୂବ ନିକଟକୁ ପଚାରି ପଠାଉଅଛ ? ଏହେତୁ ତୁମ୍ଭେ ଯେଉଁ ଶଯ୍ୟା ଉପରକୁ ଯାଇଅଛ, ତହିଁରୁ ତଳକୁ ଆସିବ ନାହିଁ, ମାତ୍ର ନିଶ୍ଚୟ ମରିବ।”
\s5
\v 7 ତହିଁରେ ଅହସୀୟ ସେମାନଙ୍କୁ ପଚାରିଲେ, “ଯେ ତୁମ୍ଭମାନଙ୍କୁ ସାକ୍ଷାତ କରିବାକୁ ଆସି ଏହିସବୁ କଥା କହିଲା, ସେ କିପ୍ରକାର ଲୋକ ?”
\v 8 ତହୁଁ ସେମାନେ ତାଙ୍କୁ ଉତ୍ତର କଲେ, “ସେ ଲୋମଶ ମନୁଷ୍ୟ ଓ ତାହାର କଟି ଚର୍ମପଟୁକାରେ ବନ୍ଧା ଥିଲା।” ତହିଁରେ ରାଜା କହିଲେ, “ସେ ତ ତିଶ୍‍ବୀୟ ଏଲୀୟ।”
\p
\s5
\v 9 ତେବେ ରାଜା ଏଲୀୟଙ୍କ ନିକଟକୁ ଜଣେ ପଚାଶପତିଙ୍କୁ ତାହାର ପଚାଶ ଲୋକ ସହିତ ପଠାଇଲେ। ତହୁଁ ପଚାଶପତି ଏଲୀୟଙ୍କ ନିକଟକୁ ଗଲା; ଆଉ ଦେଖ, ଏଲୀୟ ପର୍ବତ ଶୃଙ୍ଗରେ ବସିଥିଲେ। ଏଥିରେ ପଚାଶପତି ତାଙ୍କୁ କହିଲା, “ହେ ପରମେଶ୍ୱରଙ୍କ ଲୋକ, ରାଜା କହିଅଛନ୍ତି, ତଳକୁ ଆସ।”
\v 10 ତହୁଁ ଏଲୀୟ ସେହି ପଚାଶପତିକି ଉତ୍ତର କରି କହିଲେ, “ଯେବେ ମୁଁ ପରମେଶ୍ୱରଙ୍କ ଲୋକ, ତେବେ ଆକାଶରୁ ଅଗ୍ନି ଆସି ତୁମ୍ଭକୁ ଓ ତୁମ୍ଭ ପଚାଶ ଲୋକଙ୍କୁ ଗ୍ରାସ କରୁ।” ଏଥିରେ ଆକାଶରୁ ଅଗ୍ନି ଆସି ତାହାକୁ ଓ ତାହାର ପଚାଶ ଲୋକଙ୍କୁ ଗ୍ରାସ କଲା।
\p
\s5
\v 11 ଏଉତ୍ତାରେ ରାଜା ପୁନର୍ବାର ଏଲୀୟଙ୍କ ନିକଟକୁ ଆଉ ଏକ ପଚାଶପତିଙ୍କୁ ତାହାର ପଚାଶ ଲୋକ ସହିତ ପଠାଇଲେ। ତହୁଁ ଏହି ପଚାଶପତି ମଧ୍ୟ ଏଲୀୟଙ୍କୁ କହିଲେ, “ହେ ପରମେଶ୍ୱରଙ୍କ ଲୋକ, ରାଜା କହିଅଛନ୍ତି, ଶୀଘ୍ର ତଳକୁ ଆସ।”
\v 12 ଏଥିରେ ଏଲୀୟ ସେମାନଙ୍କୁ ଉତ୍ତର କରି କହିଲେ, “ଯେବେ ମୁଁ ପରମେଶ୍ୱରଙ୍କ ଲୋକ, ତେବେ ଆକାଶରୁ ଅଗ୍ନି ଆସି ତୁମ୍ଭକୁ ଓ ତୁମ୍ଭ ପଚାଶ ଲୋକଙ୍କୁ ଗ୍ରାସ କରୁ।” ତହୁଁ ପରମେଶ୍ୱରଙ୍କ ଅଗ୍ନି ଆକାଶରୁ ଆସି ତାହାକୁ ଓ ତାହାର ପଚାଶ ଲୋକଙ୍କୁ ଗ୍ରାସ କଲା।
\p
\s5
\v 13 ଏଥିରେ ରାଜା ପୁନର୍ବାର ତୃତୀୟ ପଚାଶପତିଙ୍କୁ ତାହାର ପଚାଶ ଲୋକ ସହିତ ପଠାଇଲେ। ପୁଣି ସେହି ତୃତୀୟ ପଚାଶପତି ଉପରକୁ ଗଲା ଓ ଏଲୀୟଙ୍କ ସମ୍ମୁଖରେ ଉପସ୍ଥିତ ହୋଇ ଆପଣା ଆଣ୍ଠୁ ପାତି ବିନୟ କରି ତାଙ୍କୁ କହିଲା, “ହେ ପରମେଶ୍ୱରଙ୍କ ଲୋକ, ମୁଁ ବିନୟ କରୁଅଛି, ଆପଣଙ୍କ ଦୃଷ୍ଟିରେ ମୋ’ ପ୍ରାଣ ଓ ଆପଣଙ୍କ ଦାସ ଏହି ପଚାଶ ଲୋକଙ୍କର ପ୍ରାଣ ବହୁମୂଲ୍ୟ ହେଉ।
\v 14 ଦେଖନ୍ତୁ, ଆକାଶରୁ ଅଗ୍ନି ଆସି ପୂର୍ବ ଦୁଇ ପଚାଶପତିଙ୍କୁ ଓ ସେମାନଙ୍କ ପଚାଶ ପଚାଶ ଲୋକଙ୍କୁ ଗ୍ରାସ କଲା; ମାତ୍ର ଏବେ ଆପଣଙ୍କ ଦୃଷ୍ଟିରେ ମୋ’ ପ୍ରାଣ ବହୁମୂଲ୍ୟ ହେଉ।”
\p
\s5
\v 15 ଏଥିରେ ସଦାପ୍ରଭୁଙ୍କ ଦୂତ ଏଲୀୟଙ୍କୁ କହିଲେ, “ତାହା ସଙ୍ଗରେ ତଳକୁ ଯାଅ; ତାହାକୁ ଭୟ କର ନାହିଁ।” ତହୁଁ ଏଲୀୟ ଉଠି ପଚାଶପତି ସଙ୍ଗରେ ତଳକୁ ଯାଇ ରାଜାଙ୍କ ନିକଟକୁ ଗଲେ।
\v 16 ପୁଣି ସେ ରାଜାଙ୍କୁ କହିଲେ, “ସଦାପ୍ରଭୁ ଏହି କଥା କହନ୍ତି, ‘କଥା ପଚାରିବା ପାଇଁ ଇସ୍ରାଏଲ ମଧ୍ୟରେ ପରମେଶ୍ୱର ନାହାନ୍ତି ବୋଲି କି ତୁମ୍ଭେ ଇକ୍ରୋଣର ଦେବତା ବାଲ୍‍ସବୂବକୁ ପଚାରିବା ପାଇଁ ଦୂତମାନଙ୍କୁ ପଠାଇଲ ? ଏହେତୁ ତୁମ୍ଭେ ଯେଉଁ ଶଯ୍ୟା ଉପରକୁ ଯାଇଅଛ, ତହିଁରୁ ତଳକୁ ଆସିବ ନାହଁ, ମାତ୍ର ନିଶ୍ଚୟ ମରିବ।’”
\p
\s5
\v 17 ଏଥିଉତ୍ତାରେ ଏଲୀୟଙ୍କ ଦ୍ୱାରା ଉକ୍ତ ସଦାପ୍ରଭୁଙ୍କ ବାକ୍ୟାନୁସାରେ ସେ ମଲେ। ପୁଣି ତାଙ୍କର ପୁତ୍ର ନ ଥିବାରୁ ଯିହୁଦାର ରାଜା ଯିହୋଶାଫଟ୍‍ଙ୍କର ପୁତ୍ର ଯିହୋରାମ୍‍ଙ୍କ ରାଜତ୍ଵର ଦ୍ୱିତୀୟ ବର୍ଷରେ ଯିହୋରାମ୍‍ ତାଙ୍କର ପଦରେ ରାଜ୍ୟ କରିବାକୁ ଆରମ୍ଭ କଲେ।
\v 18 ଏହି ଅହସୀୟଙ୍କର କ୍ରିୟାର ଅବଶିଷ୍ଟ ବୃତ୍ତାନ୍ତ କି ଇସ୍ରାଏଲ ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ ?
\s5
\c 2
\s ଏଲୀୟ ସ୍ୱଦେହରେ ସ୍ୱର୍ଗକୁ ନୀତ
\p
\v 1 ଏଥିଉତ୍ତାରେ ସଦାପ୍ରଭୁ ଏଲୀୟଙ୍କୁ ଘୂର୍ଣ୍ଣିବାୟୁରେ ସ୍ୱର୍ଗକୁ ଘେନି ଯିବା ପାଇଁ ଉଦ୍ୟତ ହୁଅନ୍ତେ, ଏଲୀୟ ଇଲୀଶାୟଙ୍କ ସହିତ ଗିଲ୍‍ଗଲ୍‍ରୁ ଗଲେ।
\v 2 ପୁଣି ଏଲୀୟ ଇଲୀଶାୟଙ୍କୁ କହିଲେ, “ମୁଁ ବିନୟ କରୁଅଛି, ତୁମ୍ଭେ ଏଠାରେ ଥାଅ; କାରଣ ସଦାପ୍ରଭୁ ମୋତେ ବେଥେଲ୍‍ ପର୍ଯ୍ୟନ୍ତ ପଠାଇଅଛନ୍ତି।” ତହିଁରେ ଇଲୀଶାୟ କହିଲେ, “ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ଓ ଆପଣଙ୍କ ପ୍ରାଣ ଜୀବିତ ଥିବା ପ୍ରମାଣେ ମୁଁ ଆପଣଙ୍କୁ ଛାଡ଼ିବି ନାହିଁ।” ତହୁଁ ସେମାନେ ବେଥେଲ୍‍କୁ ଗଲେ।
\p
\s5
\v 3 ସେତେବେଳେ ବେଥେଲ୍‍ ନିବାସୀ ଭବିଷ୍ୟଦ୍‍ବକ୍ତାଗଣଙ୍କ ଦଳ ଇଲୀଶାୟଙ୍କ ନିକଟକୁ ବାହାରି ଆସି ତାଙ୍କୁ କହିଲେ, “ଆଜି ସଦାପ୍ରଭୁ ତୁମ୍ଭ ଠାରୁ ତୁମ୍ଭ ପ୍ରଭୁଙ୍କୁ ନେଇଯିବେ ବୋଲି ତୁମ୍ଭେ କ’ଣ ଜାଣୁଅଛ ?” ତହୁଁ ସେ କହିଲେ, “ହଁ, ମୁଁ ଜାଣୁଅଛି; ତୁମ୍ଭେମାନେ ତୁନି ହୁଅ।”
\v 4 ଏଉତ୍ତାରେ ଏଲୀୟ ତାଙ୍କୁ କହିଲେ, “ହେ ଇଲୀଶାୟ, ମୁଁ ବିନୟ କରୁଅଛି, ତୁମ୍ଭେ ଏଠାରେ ଥାଅ; କାରଣ ସଦାପ୍ରଭୁ ମୋତେ ଯିରୀହୋକୁ ପଠାଇଅଛନ୍ତି।” ଏଥିରେ ଇଲୀଶାୟ କହିଲେ, “ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ଓ ଆପଣଙ୍କ ପ୍ରାଣ ଜୀବିତ ଥିବା ପ୍ରମାଣେ ମୁଁ ଆପଣଙ୍କୁ ଛାଡ଼ିବି ନାହିଁ।” ତହୁଁ ସେମାନେ ଯିରୀହୋକୁ ଗଲେ।
\p
\s5
\v 5 ଏଥିରେ ଯିରୀହୋ ନିବାସୀ ଭବିଷ୍ୟଦ୍‍ବକ୍ତାଗଣଙ୍କ ଦଳ ଇଲୀଶାୟଙ୍କ ନିକଟକୁ ଆସି ତାଙ୍କୁ କହିଲେ, “ସଦାପ୍ରଭୁ ଆଜି ତୁମ୍ଭ ଠାରୁ ତୁମ୍ଭ ପ୍ରଭୁଙ୍କୁ ନେଇଯିବେ ବୋଲି ତୁମ୍ଭେ କ’ଣ ଜାଣୁଅଛ ?” ସେ ଉତ୍ତର କଲେ, “ହଁ, ମୁଁ ଜାଣୁଅଛି; ତୁମ୍ଭେମାନେ ତୁନି ହୁଅ।”
\v 6 ଏଥିଉତ୍ତାରେ ଏଲୀୟ ଇଲୀଶାୟଙ୍କୁ କହିଲେ, “ମୁଁ ବିନୟ କରୁଅଛି, ଏଠାରେ ଥାଅ; କାରଣ ସଦାପ୍ରଭୁ ମୋତେ ଯର୍ଦ୍ଦନକୁ ପଠାଇଅଛନ୍ତି।” ତହୁଁ ସେ କହିଲେ, “ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ଓ ଆପଣଙ୍କ ପ୍ରାଣ ଜୀବିତ ଥିବା ପ୍ରମାଣେ ମୁଁ ଆପଣଙ୍କୁ ଛାଡ଼ିବି ନାହିଁ।” ଏଥିରେ ସେ ଦୁହେଁ ଅଗ୍ରସର ହେଲେ।
\p
\s5
\v 7 ପୁଣି ଭବିଷ୍ୟଦ୍‍ବକ୍ତାଗଣଙ୍କ ଦଳ ମଧ୍ୟରୁ ପଚାଶ ଜଣ ଯାଇ ସେମାନଙ୍କ ସମ୍ମୁଖରେ ଦୂରରେ ଠିଆ ହେଲେ; ଆଉ ସେ ଦୁହେଁ ଯର୍ଦ୍ଦନ ନିକଟରେ ଠିଆ ହେଲେ।
\v 8 ଏଥିରେ ଏଲୀୟ ଆପଣା ବସ୍ତ୍ର ନେଇ ଏକତ୍ର ଗୁଡ଼ାଇ ଜଳକୁ ଆଘାତ କଲେ, ତହିଁରେ ଜଳ ଏପାଖେ ସେପାଖେ ବିଭକ୍ତ ହୋଇଯାଆନ୍ତେ, ସେ ଦୁହେଁ ଶୁଷ୍କ ଭୂମି ଦେଇ ପାର ହୋଇଗଲେ।
\p
\s5
\v 9 ପୁଣି ସେମାନେ ପାର ହୋଇ ଗଲା ଉତ୍ତାରେ ଏଲୀୟ ଇଲୀଶାୟଙ୍କୁ କହିଲେ, “ମୁଁ ତୁମ୍ଭ ପାଇଁ କଅଣ କରିବି, ଏହା ମୁଁ ତୁମ୍ଭ ନିକଟରୁ ନିଆଯିବା ପୂର୍ବରୁ ମାଗ।” ତହିଁରେ ଇଲୀଶାୟ କହିଲେ, “ମୁଁ ବିନୟ କରୁଅଛି, ଆପଣଙ୍କ ଆତ୍ମାର ଦୁଇଗୁଣ ଅଂଶ ମୋ’ ଉପରେ ବର୍ତ୍ତୁ।”
\v 10 ଏଥିରେ ଏଲୀୟ କହିଲେ, “ତୁମ୍ଭେ ଦୁଃସାଧ୍ୟ ବିଷୟ ମାଗିଲ; ତଥାପି ମୁଁ ତୁମ୍ଭ ନିକଟରୁ ନିଆଯିବା ବେଳେ ଯେବେ ତୁମ୍ଭେ ମୋତେ ଦେଖିବ, ତେବେ ତୁମ୍ଭ ପ୍ରତି ତଦ୍ରୂପ ବର୍ତ୍ତିବ; ମାତ୍ର ତାହା ନ ହେଲେ, ବର୍ତ୍ତିବ ନାହିଁ।”
\p
\s5
\v 11 ଏହିରୂପେ ସେମାନେ ଯାଉ ଯାଉ ଓ କଥାବାର୍ତ୍ତା କରୁ କରୁ ଦେଖ, ଏକ ଅଗ୍ନିମୟ ରଥ ଓ ଅଗ୍ନିମୟ ଅଶ୍ୱମାନ ଉପସ୍ଥିତ ହୋଇ ସେ ଦୁହିଁଙ୍କୁ ପୃଥକ୍‍ କଲା; ପୁଣି ଏଲୀୟ ଘୂର୍ଣ୍ଣିବାୟୁରେ ସ୍ୱର୍ଗାରୋହଣ କଲେ।
\v 12 ଆଉ ଇଲୀଶାୟ ତାହା ଦେଖି ଉଚ୍ଚୈଃସ୍ୱରରେ କହିଲେ, “ହେ ଆମ୍ଭ ପିତଃ, ହେ ଆମ୍ଭ ପିତଃ, ହେ ଇସ୍ରାଏଲର ରଥ ଓ ତହିଁର ଅଶ୍ୱାରୋହୀଗଣ !” ଏଉତ୍ତାରେ ସେ ଏଲୀୟଙ୍କୁ ଆଉ ଦେଖିଲେ ନାହିଁ; ଏଣୁ ସେ ଆପଣା ବସ୍ତ୍ର ଧରି ଦୁଇ ଖଣ୍ଡ କରି ଚିରିଲେ।
\s5
\v 13 ମଧ୍ୟ ସେ ଏଲୀୟଙ୍କଠାରୁ ପଡ଼ିଥିବା ବସ୍ତ୍ରଖଣ୍ଡ ଉଠାଇ ନେଲେ ଓ ଫେରିଯାଇ ଯର୍ଦ୍ଦନ ତୀରରେ ଠିଆ ହେଲେ।
\v 14 ପୁଣି ସେ ଏଲୀୟଙ୍କଠାରୁ ପଡ଼ିଥିବା ବସ୍ତ୍ର ନେଇ ଜଳକୁ ଆଘାତ କରି କହିଲେ, “ସଦାପ୍ରଭୁ ଏଲୀୟଙ୍କର ପରମେଶ୍ୱର କାହାନ୍ତି ?” ପୁଣି ସେ ମଧ୍ୟ ଜଳକୁ ଆଘାତ କରନ୍ତେ, ତାହା ଏପାଖେ ସେପାଖେ ବିଭକ୍ତ ହୋଇଗଲା; ତହିଁରେ ଇଲୀଶାୟ ପାର ହୋଇଗଲେ।
\s ଏଲୀୟଙ୍କ ଉତ୍ତରାଧିକାରୀ ଇଲୀଶାୟ
\p
\s5
\v 15 ଆଉ ଯିରୀହୋ ନିବାସୀ ଭବିଷ୍ୟଦ୍‍ବକ୍ତାଗଣଙ୍କ ଯେଉଁ ଦଳ ତାଙ୍କ ସମ୍ମୁଖରେ ଥିଲେ, ସେମାନେ ତାଙ୍କୁ ଦେଖି କହିଲେ, ଏଲୀୟଙ୍କର ଆତ୍ମା ଇଲୀଶାୟଙ୍କ ଉପରେ ବର୍ତ୍ତିଲା। ତହୁଁ ସେମାନେ ଇଲୀଶାୟଙ୍କୁ ଭେଟିବାକୁ ଆସି ତାଙ୍କ ସମ୍ମୁଖରେ ଭୂମିଷ୍ଠ ପ୍ରଣାମ କଲେ।
\v 16 ଆଉ ସେମାନେ ଇଲୀଶାୟଙ୍କୁ କହିଲେ, “ଏବେ ଦେଖନ୍ତୁ, ଆପଣଙ୍କ ଦାସମାନଙ୍କ ସଙ୍ଗେ ପଚାଶ ବଳବାନ ଲୋକ ଅଛନ୍ତି; ଆମ୍ଭେମାନେ ବିନୟ କରୁଅଛୁ, ସେମାନେ ଯାଇ ଆପଣଙ୍କ ପ୍ରଭୁଙ୍କୁ ଖୋଜନ୍ତୁ; ହୋଇପାରେ, ସଦାପ୍ରଭୁଙ୍କ ଆତ୍ମା ତାଙ୍କୁ ଉର୍ଦ୍ଧ୍ୱକୁ ନେଇ କୌଣସି ପର୍ବତ ଅବା ଉପତ୍ୟକାରେ ପକାଇ ଦେଇଥିବେ।” ଏଥିରେ ଇଲୀଶାୟ କହିଲେ, “ତୁମ୍ଭେମାନେ ପଠାଅ ନାହିଁ।”
\s5
\v 17 ତଥାପି ଇଲୀଶାୟ ଲଜ୍ଜିତ ହେବା ପର୍ଯ୍ୟନ୍ତ ସେମାନେ ତାଙ୍କୁ ପ୍ରବର୍ତ୍ତାନ୍ତେ, ସେ କହିଲେ, “ପଠାଅ।” ଏହେତୁ ସେମାନେ ପଚାଶ ଲୋକ ପଠାଇଲେ, ଆଉ ସେମାନେ ତାଙ୍କୁ ତିନି ଦିନ ଖୋଜିଲେ, ମାତ୍ର ପାଇଲେ ନାହିଁ।
\v 18 ପୁଣି ଇଲୀଶାୟ ଯିରୀହୋରେ ଥାଉ ଥାଉ ସେମାନେ ତାଙ୍କ ନିକଟକୁ ଫେରି ଆସିଲେ; ଏଥିରେ ସେ ସେମାନଙ୍କୁ କହିଲେ, “ନ ଯାଅ ବୋଲି ମୁଁ କ’ଣ ତୁମ୍ଭମାନଙ୍କୁ କହି ନ ଥିଲି।”
\s ଇଲୀଶାୟଙ୍କ ଦ୍ୱାରା ଆଶ୍ଚର୍ଯ୍ୟକର୍ମ
\p
\s5
\v 19 ଏଥିଉତ୍ତାରେ ନଗରସ୍ଥ ଲୋକମାନେ ଇଲୀଶାୟଙ୍କୁ କହିଲେ, “ଦେଖନ୍ତୁ, ଆମ୍ଭେମାନେ ବିନୟ କରୁଅଛୁ, ଆମ୍ଭମାନଙ୍କ ପ୍ରଭୁ ଦେଖୁଅଛନ୍ତି ଯେ, ଏହି ନଗରର ସ୍ଥାନ ମନୋରମ; ମାତ୍ର ଜଳ ମନ୍ଦ ଓ ଭୂମି ଫଳନାଶକ।”
\v 20 ତହିଁରେ ସେ କହିଲେ, “ମୋ’ ନିକଟକୁ ଗୋଟିଏ ନୂତନ ପାତ୍ର ଆଣ ଓ ତହିଁରେ ଲବଣ ଦିଅ।” ତହୁଁ ସେମାନେ ତାଙ୍କ ନିକଟକୁ ତାହା ଆଣିଲେ।
\s5
\v 21 ଏଥିରେ ସେ ଜଳ ନିର୍ଝର ନିକଟକୁ ଗଲେ ଓ ତହିଁରେ ଲବଣ ପକାଇ କହିଲେ, ସଦାପ୍ରଭୁ ଏହି କଥା କହନ୍ତି, “ମୁଁ ଏହି ଜଳ ଭଲ କଲି; ତାହା ମୃତ୍ୟୁୁଜନକ ଅବା ଫଳନାଶକ ଆଉ ହେବ ନାହିଁ।”
\v 22 ଏହିରୂପେ ଇଲୀଶାୟଙ୍କର ଉକ୍ତ ବାକ୍ୟାନୁସାରେ ସେହି ଜଳ ଆଜି ପର୍ଯ୍ୟନ୍ତ ଭଲ ହୋଇଅଛି।
\p
\s5
\v 23 ଏଥିଉତ୍ତାରେ ଇଲୀଶାୟ ସେଠାରୁ ବେଥେଲ୍‍କୁ ଗଲେ; ପୁଣି ସେ ପଥରେ ଯାଉ ଯାଉ କେତେକ କ୍ଷୁଦ୍ର ବାଳକ ନଗରରୁ ବାହାରି ଆସି ତାଙ୍କୁ ପରିହାସ କରି କହିଲେ, “ଆରେ ଟାଙ୍ଗରାମୁଣ୍ଡା, ଉପରକୁ ଯା; ଆରେ ଟାଙ୍ଗରାମୁଣ୍ଡା, ଉପରକୁ ଯା।”
\v 24 ଏଥିରେ ସେ ଆପଣା ପଛକୁ ଅନାଇ ସେମାନଙ୍କୁ ଦେଖିଲେ ଓ ସଦାପ୍ରଭୁଙ୍କ ନାମରେ ସେମାନଙ୍କୁ ଅଭିଶାପ ଦେଲେ। ସେତେବେଳେ ବନରୁ ଦୁଇ ଭଲ୍ଲୁକୀ ବାହାରି ଆସି ସେମାନଙ୍କ ମଧ୍ୟରୁ ବୟାଳିଶ ଜଣ ବାଳକଙ୍କୁ ବିଦୀର୍ଣ୍ଣ କଲେ।
\v 25 ଏଥିଉତ୍ତାରେ ସେ ସେଠାରୁ କର୍ମିଲ ପର୍ବତକୁ ଗଲେ ଓ ସେଠାରୁ ଶମରୀୟାକୁ ଫେରିଗଲେ।
\s5
\c 3
\s ଇସ୍ରାଏଲ ଓ ମୋୟାବ ମଧ୍ୟରେ ଯୁଦ୍ଧ
\p
\v 1 ଯିହୁଦାର ରାଜା ଯିହୋଶାଫଟ୍‍ଙ୍କ ରାଜତ୍ଵର ଅଠର ବର୍ଷରେ ଆହାବଙ୍କର ପୁତ୍ର ଯିହୋରାମ୍‍ ଶମରୀୟାରେ ଇସ୍ରାଏଲ ଉପରେ ରାଜତ୍ଵ କରିବାକୁ ଆରମ୍ଭ କରି ବାର ବର୍ଷ ରାଜ୍ୟ କଲେ।
\v 2 ପୁଣି ସେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ; ମାତ୍ର ତାଙ୍କର ପିତା ଓ ତାଙ୍କର ମାତା ତୁଲ୍ୟ ନୁହେଁ; କାରଣ ସେ ଆପଣା ପିତୃନିର୍ମିତ ବାଲ୍‍ର ସ୍ତମ୍ଭ ଦୂର କରି ଦେଲେ।
\v 3 ତଥାପି ନବାଟର ପୁତ୍ର ଯାରବୀୟାମ ଯଦ୍ଦ୍ୱାରା ଇସ୍ରାଏଲକୁ ପାପ କରାଇଥିଲେ, ତାଙ୍କର ସେହି ପାପରେ ସେ ଆସକ୍ତ ହେଲେ ଓ ତାହା ଛାଡ଼ିଲେ ନାହିଁ।
\p
\s5
\v 4 ମୋୟାବର ରାଜା ମେଶା ମେଷାଧିକାରୀ ଥିଲା; ପୁଣି ସେ ଇସ୍ରାଏଲର ରାଜାଙ୍କୁ କର ରୂପେ ଏକ ଲକ୍ଷ ମେଷବତ୍ସର ଓ ଏକ ଲକ୍ଷ ମେଷର ଲୋମ ଦେଉଥାଏ।
\v 5 ମାତ୍ର ଆହାବଙ୍କର ମୃତ୍ୟୁୁ ଉତ୍ତାରେ ମୋୟାବର ରାଜା ଇସ୍ରାଏଲର ରାଜାଙ୍କ ବିରୁଦ୍ଧରେ ଦ୍ରୋହାଚରଣ କଲା।
\v 6 ସେହି ସମୟରେ ଯିହୋରାମ୍‍ ରାଜା ଶମରୀୟାରୁ ଯାଇ ସମୁଦାୟ ଇସ୍ରାଏଲକୁ ସଂଗ୍ରହ କଲେ।
\p
\s5
\v 7 ତହୁଁ ଯିହୋରାମ୍‍ ଯାଇ ଯିହୁଦାର ରାଜା ଯିହୋଶାଫଟ୍‍ଙ୍କ ନିକଟକୁ ଲୋକ ପଠାଇ କହିଲେ, “ମୋୟାବର ରାଜା ମୋ’ ବିରୁଦ୍ଧରେ ଦ୍ରୋହାଚରଣ କରିଅଛି; ତୁମ୍ଭେ କ’ଣ ମୋୟାବ ବିରୁଦ୍ଧରେ ଯୁଦ୍ଧ କରିବା ପାଇଁ ମୋ’ ସଙ୍ଗେ ଯିବ ?” ତହୁଁ ସେ କହିଲେ, “ମୁଁ ଯିବି; ମୁଁ ତୁମ୍ଭ ପରି, ମୋ’ ଲୋକ ତୁମ୍ଭ ଲୋକ ପରି, ମୋ’ ଅଶ୍ୱ ତୁମ୍ଭ ଅଶ୍ୱ ପରି। ”
\v 8 ଆଉ ଯିହୋରାମ୍‍ କହିଲେ, “ଆମ୍ଭେମାନେ କେଉଁ ପଥରେ ଯିବା ?” ତହୁଁ ଯିହୋଶାଫଟ୍‍ ଉତ୍ତର କଲେ, “ଇଦୋମ ପ୍ରାନ୍ତର ପଥ ଦେଇ।”
\p
\s5
\v 9 ତହୁଁ ଇସ୍ରାଏଲର ରାଜା ଓ ଯିହୁଦାର ରାଜା ଓ ଇଦୋମର ରାଜା ଯାତ୍ରା କରି ସାତ ଦିନର ପଥ ବୁଲିକରି ଗଲେ; ପୁଣି ସୈନ୍ୟମାନଙ୍କ ପାଇଁ ଅବା ସେମାନଙ୍କ ପଶ୍ଚାଦ୍‍ଗାମୀ ପଶୁମାନଙ୍କ ପାଇଁ ଜଳ ମିଳିଲା ନାହିଁ।
\v 10 ଏଥିରେ ଇସ୍ରାଏଲର ରାଜା କହିଲେ, “ହାୟ ! କାରଣ ମୋୟାବର ହସ୍ତରେ ସମର୍ପଣ କରିବା ପାଇଁ ସଦାପ୍ରଭୁ ଏହି ତିନି ରାଜାଙ୍କୁ ଏକତ୍ର ଡାକିଅଛନ୍ତି।”
\s5
\v 11 ମାତ୍ର ଯିହୋଶାଫଟ୍‍ କହିଲେ, “ଆମ୍ଭେମାନେ ଯାହାଙ୍କ ଦ୍ୱାରା ସଦାପ୍ରଭୁଙ୍କୁ ପଚାରି ପାରୁ, ସଦାପ୍ରଭୁଙ୍କର ଏପରି କୌଣସି ଭବିଷ୍ୟଦ୍‍ବକ୍ତା କ’ଣ ଏଠାରେ ନାହାନ୍ତି ?” ଏଥିରେ ଇସ୍ରାଏଲ ରାଜାଙ୍କର ଦାସମାନଙ୍କ ମଧ୍ୟରୁ ଜଣେ ଉତ୍ତର ଦେଇ କହିଲା, “ଶାଫଟ୍‍ର ପୁତ୍ର ଇଲୀଶାୟ, ଯେ ଏଲୀୟଙ୍କ ହସ୍ତରେ ଜଳ ଢାଳୁଥିଲେ, ସେ ଏଠାରେ ଅଛନ୍ତି।”
\v 12 ତେବେ ଯିହୋଶାଫଟ୍‍ କହିଲେ, “ସଦାପ୍ରଭୁଙ୍କ ବାକ୍ୟ ତାଙ୍କଠାରେ ଅଛି।” ତେଣୁ ଇସ୍ରାଏଲର ରାଜା ଓ ଯିହୋଶାଫଟ୍‍ ଓ ଇଦୋମର ରାଜା ତାଙ୍କ ନିକଟକୁ ଗଲେ।
\p
\s5
\v 13 ସେତେବେଳେ ଇଲୀଶାୟ ଇସ୍ରାଏଲର ରାଜାଙ୍କୁ କହିଲେ, “ତୁମ୍ଭ ସହିତ ମୋହର କ’ଣ କରିବାର ଅଛି ? ତୁମ୍ଭ ପିତାର ଭବିଷ୍ୟଦ୍‍ବକ୍ତାମାନଙ୍କ ନିକଟକୁ ଓ ତୁମ୍ଭ ମାତାର ଭବିଷ୍ୟଦ୍‍ବକ୍ତାମାନଙ୍କ ନିକଟକୁ ଯାଅ।” ତହିଁରେ ଇସ୍ରାଏଲର ରାଜା ତାଙ୍କୁ କହିଲେ, “ନାହିଁ, କାରଣ ମୋୟାବ ହସ୍ତରେ ସମର୍ପଣ କରିବା ପାଇଁ ସଦାପ୍ରଭୁ ଏ ତିନି ରାଜାଙ୍କୁ ଏକତ୍ର ଡାକିଅଛନ୍ତି।”
\v 14 ପୁଣି ଇଲୀଶାୟ କହିଲେ, “ମୁଁ ଯାହାଙ୍କ ଛାମୁରେ ଠିଆ ହେଉଅଛି, ସେହି ସୈନ୍ୟାଧିପତି ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ଯେବେ ମୁଁ ଯିହୁଦାର ରାଜା ଯିହୋଶାଫଟ୍‍ଙ୍କ ଉପସ୍ଥିତିକୁ ମର୍ଯ୍ୟାଦା ନ କରନ୍ତି, ତେବେ ନିଶ୍ଚୟ ମୁଁ ତୁମ୍ଭ ଆଡ଼େ ଅନାନ୍ତି ନାହିଁ, କି ତୁମ୍ଭକୁ ଦେଖନ୍ତି ନାହିଁ।
\s5
\v 15 ତଥାପି ଏବେ ମୋ’ ନିକଟକୁ ଏକ ବାଦ୍ୟକର ଆଣ।” ତହୁଁ ବାଦ୍ୟକର ଆସି ବାଦ୍ୟ ବଜାନ୍ତେ, ସଦାପ୍ରଭୁଙ୍କ ହସ୍ତ ଇଲୀଶାୟଙ୍କ ଉପରେ ଅବସ୍ଥାନ କଲା।
\v 16 ତହିଁରେ ସେ କହିଲେ, “ସଦାପ୍ରଭୁ ଏହି କଥା କହନ୍ତି, ‘ତୁମ୍ଭେମାନେ ଏହି ଉପତ୍ୟକାକୁ ଖାତରେ ପୂର୍ଣ୍ଣ କର।’
\v 17 କାରଣ ସଦାପ୍ରଭୁ ଏହି କଥା କହନ୍ତି, ‘ତୁମ୍ଭେମାନେ ବାୟୁ ଦେଖିବ ନାହିଁ, ଅବା ତୁମ୍ଭେମାନେ ବୃଷ୍ଟି ଦେଖିବ ନାହିଁ, ତଥାପି ସେହି ଉପତ୍ୟକା ଜଳରେ ପରିପୂର୍ଣ୍ଣ ହେବ; ତହିଁରେ ତୁମ୍ଭେମାନେ ଓ ତୁମ୍ଭମାନଙ୍କ ଗୋମେଷାଦି ଓ ତୁମ୍ଭମାନଙ୍କ ପଶୁ ସମସ୍ତେ ପାନ କରିବ।’
\s5
\v 18 ଆହୁରି ସଦାପ୍ରଭୁଙ୍କ ଦୃଷ୍ଟିରେ ଏହା କେବଳ କ୍ଷୁଦ୍ର ବିଷୟ; ସେ ମୋୟାବୀୟମାନଙ୍କୁ ମଧ୍ୟ ତୁମ୍ଭମାନଙ୍କ ହସ୍ତରେ ସମର୍ପଣ କରିବେ।
\v 19 ପୁଣି ତୁମ୍ଭେମାନେ ପ୍ରତ୍ୟେକ ପ୍ରାଚୀରବେଷ୍ଟିତ ନଗର ଓ ପ୍ରତ୍ୟେକ ଉତ୍ତମ ନଗର ଉଚ୍ଛିନ୍ନ କରିବ ଓ ପ୍ରତ୍ୟେକ ଉତ୍ତମ ବୃକ୍ଷ କାଟି ପକାଇବ ଓ ଜଳ-ନିର୍ଝରସକଳ ବନ୍ଦ କରିବ ଓ ପ୍ରତ୍ୟେକ ଉତ୍ତମ ଭୂମିଖଣ୍ଡ ପ୍ରସ୍ତରରେ ନାଶ କରିବ।”
\p
\s5
\v 20 ଏଥିଉତ୍ତାରେ ପ୍ରାତଃ କାଳୀନ ନୈବେଦ୍ୟ ଉତ୍ସର୍ଗ କରିବା ସମୟରେ ଦେଖ, ଇଦୋମର ପଥ ଦେଇ ଜଳ ଆସିଲା ଓ ଜଳରେ ଦେଶ ପୂର୍ଣ୍ଣ ହେଲା।
\s5
\v 21 ଏହି ସମୟରେ ମୋୟାବୀୟ ସମସ୍ତେ ଆପଣାମାନଙ୍କ ବିରୁଦ୍ଧରେ ଯୁଦ୍ଧ କରିବା ପାଇଁ ରାଜାମାନଙ୍କର ଆସିବାର କଥା ଶୁଣି ସେମାନେ ଆପଣାମାନଙ୍କୁ, ଅର୍ଥାତ୍‍, ସଜ୍ଜା ପରିଧାନକ୍ଷମ ଓ ତଦଧିକ ବୟସ୍କ ଲୋକଙ୍କୁ ଏକତ୍ର କରି ଦେଶର ସୀମାରେ ଠିଆ ହୋଇଥିଲେ।
\v 22 ପୁଣି ସେମାନେ ପ୍ରଭାତରେ ଉଠିବା ବେଳେ ସୂର୍ଯ୍ୟ ଜଳ ଉପରେ ଚକମକ ହେଉଥିଲା, ତହିଁରେ ମୋୟାବୀୟମାନେ ଆପଣା ସମ୍ମୁଖସ୍ଥ ଜଳକୁ ରକ୍ତ ତୁଲ୍ୟ ରଙ୍ଗ ଦେଖିଲେ।
\v 23 ତେବେ ସେମାନେ କହିଲେ, “ଏହା ରକ୍ତ; ରାଜାମାନେ ନିଶ୍ଚୟ ବିନଷ୍ଟ ହୋଇଅଛନ୍ତି ଓ ସେମାନେ ପ୍ରତ୍ୟେକେ ଆପଣା ଆପଣା ସହଯୋଦ୍ଧାକୁ ବଧ କରିଅଛନ୍ତି; ଏହେତୁ ହେ ମୋୟାବ, ଲୁଟିବାକୁ ଯାଅ।”
\p
\s5
\v 24 ତହୁଁ ସେମାନେ ଇସ୍ରାଏଲର ଛାଉଣିରେ ଉପସ୍ଥିତ ହୁଅନ୍ତେ, ଇସ୍ରାଏଲୀୟମାନେ ଉଠି ମୋୟାବୀୟମାନଙ୍କୁ ଆଘାତ କଲେ, ତେଣୁ ସେମାନେ ସେମାନଙ୍କ ସମ୍ମୁଖରୁ ପଳାଇଲେ; ପୁଣି ଇସ୍ରାଏଲୀୟମାନେ ମୋୟାବୀୟମାନଙ୍କୁ ଆଘାତ କରି କରି ଦେଶ ଭିତରକୁ ଅଗ୍ରସର ହେଲେ।
\v 25 ଆଉ ସେମାନେ ନଗରସବୁ ଭାଙ୍ଗି ପକାଇଲେ ଓ ପ୍ରତି ଜଣ ପ୍ରତ୍ୟେକ ଉତ୍ତମ ଭୂମିଖଣ୍ଡରେ ପ୍ରସ୍ତର ପକାଇ ତାହା ପୂର୍ଣ୍ଣ କଲେ ଓ ସେମାନେ ଜଳ-ନିର୍ଝରସକଳ ବନ୍ଦ କରିଦେଲେ ଓ ଉତ୍ତମ ବୃକ୍ଷସବୁ କାଟି ପକାଇଲେ; ଶେଷରେ ସେମାନେ କେବଳ କୀର୍‍-ହେର୍‍ସତରେ ତହିଁର ପ୍ରସ୍ତରସବୁ ଛାଡ଼ିଲେ; ତଥାପି ଛାଟିଣିଧାରୀମାନେ ତହିଁ ଚତୁର୍ଦ୍ଦିଗକୁ ଯାଇ ତାହା ଆଘାତ କଲେ।
\p
\s5
\v 26 ସେ ସମୟରେ ମୋୟାବର ରାଜା ଆପଣା ପକ୍ଷରେ ଯୁଦ୍ଧ ଅତି ଅସହ୍ୟ ଦେଖି, ସେ ଇଦୋମର ରାଜା ନିକଟକୁ ଭେଦ କରି ଯିବା ପାଇଁ ଆପଣା ସଙ୍ଗେ ସାତ ଶହ ଖଡ୍ଗଧାରୀ ଲୋକ ନେଲା; ମାତ୍ର ସେମାନେ ପାରିଲେ ନାହିଁ।
\v 27 ତହୁଁ ସେ ଆପଣା ଉତ୍ତରାଧିକାରୀ ଜ୍ୟେଷ୍ଠ ପୁତ୍ରକୁ ନେଇ ପ୍ରାଚୀର ଉପରେ ହୋମବଳି ରୂପେ ତାହାକୁ ଉତ୍ସର୍ଗ କଲା। ତହିଁରେ ଇସ୍ରାଏଲ ବିରୁଦ୍ଧରେ ମହାକୋପ ଉପସ୍ଥିତ ହେଲା; ଏଥିଉତ୍ତାରେ ସେମାନେ ତାହା ନିକଟକୁ ପ୍ରସ୍ଥାନ କରି ସେମାନଙ୍କ ନିଜ ଦେଶକୁ ଫେରିଗଲେ।
\s5
\c 4
\s ଇଲୀଶାୟ ଏବଂ ବିଧବାର ତୈଳ
\p
\v 1 ଭବିଷ୍ୟଦ୍‍ବକ୍ତାମାନଙ୍କ ଦଳର ଭାର୍ଯ୍ୟାମାନଙ୍କ ମଧ୍ୟରୁ ଜଣେ ବିଧବା ଇଲୀଶାୟଙ୍କ ନିକଟରେ କ୍ରନ୍ଦନ କରି କହିଲା, “ଆପଣଙ୍କ ଦାସ ମୋ’ ସ୍ୱାମୀ ମରିଅଛନ୍ତି; ପୁଣି ଆପଣଙ୍କ ଦାସ ଯେ ସଦାପ୍ରଭୁଙ୍କୁ ଭୟ କରୁଥିଲେ, ଏହା ଆପଣ ଜାଣନ୍ତି; ଏବେ ମହାଜନ ମୋହର ଦୁଇ ସନ୍ତାନଙ୍କୁ ଆପଣାର ଦାସ କରିବା ନିମନ୍ତେ ନେବାକୁ ଆସିଅଛି।”
\v 2 ତହିଁରେ ଇଲୀଶାୟ ତାହାକୁ କହିଲେ, “ମୁଁ ତୁମ୍ଭ ପାଇଁ କ’ଣ କରିବି ? ମୋତେ କୁହ; ଘରେ ତୁମ୍ଭର କ’ଣ ଅଛି ?” ଏଥିରେ ସେ କହିଲା, “ଏକ ପାତ୍ର ତୈଳ ଛଡ଼ା ଗୃହରେ ଆପଣଙ୍କ ଦାସୀର ଆଉ କିଛି ନାହିଁ।”
\s5
\v 3 ତହୁଁ ଇଲୀଶାୟ କହିଲେ, “ଯାଅ, ବାହାରୁ ଆପଣାର ସମସ୍ତ ପ୍ରତିବାସୀଠାରୁ ପାତ୍ର, ଅର୍ଥାତ୍‍, ଶୂନ୍ୟ ପାତ୍ର ଉଧାର କରି ଆଣ; ଅଳ୍ପ ଉଧାର କର ନାହିଁ।
\v 4 ପୁଣି ତୁମ୍ଭେ ଗୃହ ଭିତରକୁ ଯାଇ ଆପଣାର ଓ ଆପଣା ପୁତ୍ରମାନଙ୍କ ପଛେ ଦ୍ୱାର ବନ୍ଦ କରି ସେସବୁ ପାତ୍ରରେ ତୈଳ ଅଜାଡ଼; ଆଉ ଯେଉଁ ପାତ୍ର ପୂର୍ଣ୍ଣ ହୁଏ, ତାହା ଅଲଗା କରି ରଖ।”
\p
\s5
\v 5 ତହୁଁ ସେହି ବିଧବା ଇଲୀଶାୟଙ୍କ ନିକଟରୁ ଯାଇ ଆପଣାର ଓ ଆପଣା ପୁତ୍ରମାନଙ୍କ ପଛେ ଦ୍ୱାର ବନ୍ଦ କଲା; ସେମାନେ ତାହା ନିକଟକୁ ପାତ୍ର ଆଣନ୍ତେ, ସେ ଅଜାଡ଼ିଲା।
\v 6 ତହୁଁ ପାତ୍ରସକଳ ପୂର୍ଣ୍ଣ ହୁଅନ୍ତେ, ସେ ଆପଣା ପୁତ୍ରକୁ କହିଲା, “ଆଉ ଗୋଟିଏ ପାତ୍ର ମୋ’ ନିକଟକୁ ଆଣ।” ଏଥିରେ ସେ ତାହାକୁ କହିଲା, “ଆଉ ପାତ୍ର ନାହିଁ।” ତହିଁରେ ତୈଳ ବନ୍ଦ ହେଲା।
\s5
\v 7 ତେବେ ସେହି ବିଧବା ଆସି ପରମେଶ୍ୱରଙ୍କ ଲୋକଙ୍କୁ ତାହା ଜଣାଇଲା। ଏଥିରେ ସେ କହିଲେ, “ଯାଅ, ତୈଳ ବିକ୍ରୟ କରି ଆପଣା ଋଣ ପରିଶୋଧ କର, ପୁଣି ଅବଶିଷ୍ଟରେ ତୁମ୍ଭେ ଓ ତୁମ୍ଭ ପୁତ୍ରମାନେ ଜୀବନଯାପନ କର।”
\s ଇଲୀଶାୟ ଏବଂ ଶୁନେମୀୟା ସ୍ତ୍ରୀ
\p
\s5
\v 8 ଏଥିଉତ୍ତାରେ ଦିନକରେ ଇଲୀଶାୟ ଶୂନେମ ନଗରକୁ ଗଲେ, ସେଠାରେ ଏକ ଧନବତୀ ସ୍ତ୍ରୀ ଥିଲା; ଆଉ ସେ ଇଲୀଶାୟଙ୍କୁ ଅନ୍ନ ଭୋଜନ ନିମନ୍ତେ ପ୍ରବର୍ତ୍ତାଇଲା। ଏଥିଉତ୍ତାରେ ଇଲୀଶାୟ ଯେତେ ଥର ସେହି ପଥ ଦେଇ ଗଲେ, ସେତେ ଥର ଅନ୍ନ ଭୋଜନ ନିମନ୍ତେ ସେଠାକୁ ଗଲେ।
\v 9 ଏଥିଉତ୍ତାରେ ସେହି ସ୍ତ୍ରୀ ଆପଣା ସ୍ୱାମୀକୁ କହିଲା, “ଦେଖ, ମୁଁ ଜାଣି ପାରୁଛି, ଏହି ଯେଉଁ ଲୋକ ନିତ୍ୟ ଆମ୍ଭମାନଙ୍କ ନିକଟ ଦେଇ ଗତାୟାତ କରୁଅଛନ୍ତି, ସେ ପରମେଶ୍ୱରଙ୍କର ଏକ ପବିତ୍ର ଲୋକ ଅଟନ୍ତି।
\s5
\v 10 ମୁଁ ବିନୟ କରୁଅଛି, ଆମ୍ଭେମାନେ ପ୍ରାଚୀର ଉପରେ ଗୋଟିଏ ସାନ କୋଠରି ନିର୍ମାଣ କରୁ ଓ ତହିଁରେ ତାଙ୍କ ପାଇଁ ଗୋଟିଏ ଖଟ, ମେଜ, ଆସନ ଓ ଦୀପରୁଖା ରଖୁ; ତହୁଁ ସେ ଆମ୍ଭମାନଙ୍କ ନିକଟକୁ ଆସିବା ବେଳେ ସେଠାରେ ରହିବେ।”
\p
\v 11 ଦିନକରେ ଇଲୀଶାୟ ସେଠାକୁ ଆସିଲେ, ଆଉ ସେହି କୋଠରିକୁ ଯାଇ ଶୟନ କଲେ।
\s5
\v 12 ପୁଣି ସେ ଆପଣା ଦାସ ଗିହେଜୀକୁ କହିଲେ, “ଏହି ଶୁନେମୀୟା ସ୍ତ୍ରୀକୁ ଡାକ।” ତହୁଁ ସେ ତାହାକୁ ଡାକନ୍ତେ, ସେ ସ୍ତ୍ରୀ ତାଙ୍କ ସମ୍ମୁଖରେ ଠିଆ ହେଲା।
\v 13 ଏଥିରେ ଇଲୀଶାୟ ଗିହେଜୀକୁ କହିଲେ, “ତାଙ୍କୁ କୁହ, ‘ଦେଖ, ତୁମ୍ଭେ ଏସମସ୍ତ ଚିନ୍ତାରେ ଆମ୍ଭମାନଙ୍କ ନିମନ୍ତେ ଚିନ୍ତିତ ହୋଇଅଛ; ମୁଁ ତୁମ୍ଭ ନିମନ୍ତେ କ’ଣ କରି ପାରିବି ? ମୋତେ ତୁମ୍ଭ ସପକ୍ଷରେ ରାଜା କିମ୍ବା ସେନାପତିଙ୍କ ନିକଟରେ କିଛି କହିବାକୁ ଇଚ୍ଛା କରୁଛ କି ?’” ତହୁଁ ସେ ଉତ୍ତର କଲା, “ମୁଁ ନିଜ ଲୋକଙ୍କ ମଧ୍ୟରେ ବାସ କରୁଅଛି।”
\s5
\v 14 ପୁଣି ଇଲୀଶାୟ କହିଲେ, “ତେବେ ତାହା ପାଇଁ କ’ଣ କରାଯିବ ?” ତହିଁରେ ଗିହେଜୀ ଉତ୍ତର କଲା, “ତାହାର ପୁତ୍ର ନାହିଁ ଓ ତାହାର ସ୍ୱାମୀ ବୃଦ୍ଧ।”
\v 15 ତେବେ ଇଲୀଶାୟ କହିଲେ, “ତାଙ୍କୁ ଡାକ।” ଏଣୁ ସେ ତାଙ୍କୁ ଡାକନ୍ତେ, ସେ ଦ୍ୱାରରେ ଠିଆ ହେଲା।
\v 16 ତହୁଁ ଇଲୀଶାୟ କହିଲେ, “ଏହି ଋତୁ ପୁନର୍ବାର ଉପସ୍ଥିତ ହେବା ସମୟରେ ତୁମ୍ଭେ ପୁତ୍ରକୁ କୋଳ କରିବ।” ଏଥିରେ ସେ ସ୍ତ୍ରୀ କହିଲା, “ନା, ହେ ମୋର ପ୍ରଭୁ, ହେ ପରମେଶ୍ୱରଙ୍କ ଲୋକ, ଆପଣା ଦାସୀକୁ ଆପଣ ମିଥ୍ୟା ନ କହନ୍ତୁ।”
\s5
\v 17 ଏଥିଉତ୍ତାରେ ଇଲୀଶାୟଙ୍କର ବାକ୍ୟାନୁସାରେ ସେହି ସ୍ତ୍ରୀ ଗର୍ଭଧାରଣ କରି ଉକ୍ତ ଋତୁ ପୁନର୍ବାର ଉପସ୍ଥିତ ହେବା ସମୟରେ ଏକ ପୁତ୍ର ପ୍ରସବ କଲା।
\p
\v 18 ପୁଣି ବାଳକ ବଢ଼ିଲା ଉତ୍ତାରେ ଦିନକରେ ସେ ଶସ୍ୟଚ୍ଛେଦକମାନଙ୍କ ନିକଟରେ ଆପଣା ପିତା ନିକଟକୁ ଗଲା।
\v 19 ଆଉ ସେ ଆପଣା ପିତାଙ୍କୁ କହିଲା, “ମୋ’ ମସ୍ତକ, ମୋ’ ମସ୍ତକ।” ତହୁଁ ପିତା ଆପଣା ଦାସକୁ କହିଲା, “ତାହାର ମାତା ନିକଟକୁ ତାହାକୁ ଉଠାଇ ନେଇଯାଅ।”
\v 20 ଆଉ ସେ ତାହାକୁ ଉଠାଇ ନେଇ ତାହାର ମାତା ନିକଟକୁ ଆଣନ୍ତେ, ବାଳକ ମଧ୍ୟାହ୍ନ ପର୍ଯ୍ୟନ୍ତ ତାହାର କୋଳରେ ବସି ମରିଗଲା।
\s5
\v 21 ଏଥିରେ ମାତା ଉପରକୁ ଯାଇ ପରମେଶ୍ୱରଙ୍କ ଲୋକଙ୍କ ଖଟରେ ତାହାକୁ ଶୁଆଇ ଦ୍ୱାର ବନ୍ଦ କରି ବାହାରି ଆସିଲା।
\v 22 ପୁଣି ସେ ଆପଣା ସ୍ୱାମୀକୁ ଡାକି କହିଲା, “ମୁଁ ବିନୟ କରୁଅଛି, ଦାସମାନଙ୍କ ମଧ୍ୟରୁ ଜଣକୁ ଓ ଗର୍ଦ୍ଦଭୀରୁ ଗୋଟିଏ ମୋ’ ନିକଟକୁ ପଠାଇଦିଅ, ମୁଁ ପରମେଶ୍ୱରଙ୍କ ଲୋକଙ୍କ ନିକଟକୁ ଦୌଡ଼ିଯାଇ ଫେରି ଆସିବି।”
\s5
\v 23 ତହିଁରେ ତାହାର ସ୍ୱାମୀ କହିଲା, “ତୁମ୍ଭେ କାହିଁକି ତାଙ୍କ ନିକଟକୁ ଆଜି ଯିବ ? ଏ ତ ଅମାବାସ୍ୟା ନୁହେଁ କି ବିଶ୍ରାମବାର ନୁହେଁ।” ଏଥିରେ ସେ କହିଲା, “ଭଲ ହେବ।”
\v 24 ତହୁଁ ସେ ଗର୍ଦ୍ଦଭୀ ସଜାଇ ଆପଣା ଦାସକୁ କହିଲା, “ଅଡ଼ାଇ ଚାଲ; ମୋ’ ଆଜ୍ଞା ବିନା ଚଲାଇବାରେ ଢିଲା କର ନାହିଁ।”
\s5
\v 25 ଏହିରୂପେ ସେ ଯାଇ କର୍ମିଲ ପର୍ବତରେ ପରମେଶ୍ୱରଙ୍କ ଲୋକଙ୍କ ନିକଟରେ ପହଞ୍ଚିଲା।
\p ତହିଁରେ ପରମେଶ୍ୱରଙ୍କ ଲୋକ ଦୂରରୁ ତାହାକୁ ଦେଖି ଆପଣା ଦାସ ଗିହେଜୀକୁ କହିଲେ, “ଦେଖ, ସେଠାରେ ଶୁନେମୀୟା ସ୍ତ୍ରୀ;
\v 26 ମୁଁ ବିନୟ କରୁଅଛି, ଦୌଡ଼ିଯାଇ ତାହାକୁ ସାକ୍ଷାତ କରି ପଚାର, ‘ତୁମ୍ଭର ସମସ୍ତ ବିଷୟ ମଙ୍ଗଳ ତ ? ତୁମ୍ଭ ସ୍ୱାମୀର ମଙ୍ଗଳ ତ ? ବାଳକର ମଙ୍ଗଳ ତ ?’” ତହୁଁ ସେ ଉତ୍ତର କଲା, “ମଙ୍ଗଳ।”
\s5
\v 27 ଏଥିଉତ୍ତାରେ ସେ ପର୍ବତରେ ପରମେଶ୍ୱରଙ୍କ ଲୋକଙ୍କ ନିକଟକୁ ଆସି ତାଙ୍କ ଚରଣ ଧରି ରହିଲା। ତହିଁରେ ଗିହେଜୀ ତାହାକୁ ଛଡ଼ାଇ ଦେବା ପାଇଁ ନିକଟକୁ ଆସିଲା; ମାତ୍ର ପରମେଶ୍ୱରଙ୍କ ଲୋକ କହିଲେ, “ତାହାକୁ ଛାଡ଼ିଦିଅ; କାରଣ ତାହାର ଅନ୍ତରରେ ତାହାର ପ୍ରାଣ ଶୋକାକୁଳ ହୋଇଅଛି; ମାତ୍ର ସଦାପ୍ରଭୁ ମୋ’ଠାରୁ ତାହା ଗୋପନରେ ରଖିଅଛନ୍ତି, ପୁଣି ତାହା ମୋତେ ଜଣାଇ ନାହାନ୍ତି।”
\s5
\v 28 ଏଥିରେ ସେ ସ୍ତ୍ରୀ କହିଲା, “ମୋ’ ପ୍ରଭୁଙ୍କୁ ମୁଁ କ’ଣ ପୁତ୍ର ମାଗିଥିଲି ? ମୁଁ କି କହି ନ ଥିଲି, ‘ମୋତେ ପ୍ରତାରଣା ନ କର ?’”
\p
\v 29 ତହୁଁ ଇଲୀଶାୟ ଗିହେଜୀକୁ କହିଲେ, “ଆପଣା ଅଣ୍ଟା ବାନ୍ଧ ଓ ଆପଣା ହସ୍ତରେ ମୋହର ଯଷ୍ଟି ନେଇ ଆପଣା ବାଟେ ଚାଲିଯାଅ; ଯଦି ତୁମ୍ଭେ କୌଣସି ଲୋକକୁ ସାକ୍ଷାତ କର, ତାହାକୁ ନମସ୍କାର କର ନାହିଁ; ଆଉ ଯଦି କେହି ତୁମ୍ଭକୁ ନମସ୍କାର କରନ୍ତି, ତାହାକୁ ଫେରି ଉତ୍ତର ଦିଅ ନାହିଁ; ପୁଣି ମୋ’ ଯଷ୍ଟି ସେହି ବାଳକର ମୁଖ ଉପରେ ରଖ।”
\s5
\v 30 ଏଥିରେ ବାଳକର ମାତା କହିଲା, “ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ଓ ଆପଣଙ୍କ ପ୍ରାଣ ଜୀବିତ ଥିବା ପ୍ରମାଣେ ମୁଁ ଆପଣଙ୍କୁ ଛାଡ଼ିବି ନାହିଁ।” ତେଣୁ ଇଲୀଶାୟ ଉଠି ତାହାର ପଛେ ପଛେ ଗଲେ।
\v 31 ଏଥି ମଧ୍ୟରେ ଗିହେଜୀ ସେମାନଙ୍କ ଆଗେ ଯାଇ ବାଳକର ମୁଖ ଉପରେ ଯଷ୍ଟି ରଖିଲା; ମାତ୍ର କୌଣସି ରବ କି ଶ୍ରବଣ ହେଲା ନାହିଁ। ଏହେତୁ ଗିହେଜୀ ଇଲୀଶାୟଙ୍କୁ ସାକ୍ଷାତ କରିବା ପାଇଁ ଫେରି ଆସି ତାଙ୍କୁ ଜଣାଇ କହିଲା, “ବାଳକ ଜାଗି ନାହିଁ।”
\s5
\v 32 ତହୁଁ ଇଲୀଶାୟ ସେ ଗୃହକୁ ଆସନ୍ତେ, ଦେଖ, ବାଳକ ମରି ତାଙ୍କର ଶଯ୍ୟାରେ ଶୋଇଅଛି।
\v 33 ଏହେତୁ ସେ ଭିତରକୁ ଯାଇ ନିଜେ ଓ ବାଳକ ଉଭୟେ ରହି ଦ୍ୱାର ବନ୍ଦ କରି ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କଲେ।
\v 34 ଆଉ ସେ ଉପରକୁ ଯାଇ ବାଳକ ଉପରେ ଶୟନ କଲେ ଓ ତାହା ମୁଖ ଉପରେ ଆପଣା ମୁଖ ଓ ତାହା ଚକ୍ଷୁ ଉପରେ ଆପଣା ଚକ୍ଷୁ ଓ ତାହା ହସ୍ତ ଉପରେ ଆପଣା ହସ୍ତ ରଖିଲେ; ଏରୂପେ ସେ ଆପଣାକୁ ବାଳକ ଉପରେ ଲମ୍ବମାନ କଲେ; ତହିଁରେ ବାଳକର ଶରୀର ଉଷ୍ଣ ହେବାକୁ ଲାଗିଲା।
\s5
\v 35 ଏଥିରେ ଇଲୀଶାୟ ଫେରି ଗୃହ ମଧ୍ୟରେ ଏଣେ ତେଣେ ଥରେ ବୁଲିଲେ; ତହୁଁ ଉପରକୁ ଯାଇ ବାଳକ ଉପରେ ଆପଣାକୁ ଲମ୍ବମାନ କଲେ; ତହିଁରେ ବାଳକ ସାତ ଥର ଛିଙ୍କିଲା ଓ ବାଳକ ଚକ୍ଷୁ ଫିଟାଇଲା।
\v 36 ଏଥିରେ ସେ ଗିହେଜୀକୁ ଡାକି କହିଲେ, “ସେହି ଶୁନେମୀୟା ସ୍ତ୍ରୀକୁ ଡାକ।” ତହୁଁ ସେ ତାହାକୁ ଡାକିଲା। ଆଉ ସେ ତାଙ୍କ ନିକଟକୁ ଆସନ୍ତେ, ସେ କହିଲେ, “ତୁମ୍ଭ ପୁତ୍ରକୁ ନିଅ।”
\v 37 ସେତେବେଳେ ସେ ସ୍ତ୍ରୀ ଭିତରକୁ ଯାଇ ତାଙ୍କର ଚରଣରେ ଭୂମିଷ୍ଠ ପ୍ରଣାମ କଲା ଓ ଆପଣା ପୁତ୍ରକୁ ନେଇ ବାହାରକୁ ଗଲା।
\s ଆଉ ଦୁଇଟି ଅଲୌକିକ କାର୍ଯ୍ୟ
\p
\s5
\v 38 ଏଥିଉତ୍ତାରେ ଇଲୀଶାୟ ପୁନର୍ବାର ଗିଲ୍‍ଗଲ୍‍କୁ ଆସିଲେ; ସେସମୟରେ ଦେଶରେ ଦୁର୍ଭିକ୍ଷ ଥିଲା; ପୁଣି ଭବିଷ୍ୟଦ୍‍ବକ୍ତାଗଣଙ୍କ ଦଳ ତାଙ୍କ ସମ୍ମୁଖରେ ବସୁଥିବା ସମୟରେ ସେ ଆପଣା ଦାସକୁ କହିଲେ, “ଏକ ବଡ଼ ହଣ୍ଡା ବସାଇ ଭବିଷ୍ୟଦ୍‍ବକ୍ତାଗଣଙ୍କ ଦଳ ନିମନ୍ତେ ଖାଦ୍ୟ ରନ୍ଧନ କର।”
\v 39 ତହୁଁ ଜଣେ ଶାକ ସଂଗ୍ରହ କରିବା ପାଇଁ କ୍ଷେତ୍ରକୁ ଯାଇ ବନ୍ୟ ଲତା ପାଇ ତହିଁର ଫଳରେ ଅଣ୍ଟି ପୂର୍ଣ୍ଣ କରି ଆସି ତାହା ଖଣ୍ଡ ଖଣ୍ଡ କାଟି ଖାଦ୍ୟ-ହଣ୍ଡାରେ ପକାଇଲା; କାରଣ ସେମାନେ ତାହା ଚିହ୍ନିଲେ ନାହିଁ।
\s5
\v 40 ତହୁଁ ସେମାନେ ଲୋକମାନଙ୍କର ଭୋଜନ ନିମନ୍ତେ ତାହା ଢାଳିଲେ। ପୁଣି ଲୋକମାନେ ସେହି ଖାଦ୍ୟ ଭୋଜନ କରୁ କରୁ ଡାକ ପକାଇ କହିଲେ, “ହେ ପରମେଶ୍ୱରଙ୍କ ଲୋକ, ହଣ୍ଡାରେ ମୃତ୍ୟୁୁ ଅଛି।” ଆଉ ସେମାନେ ତହିଁରୁ ଭୋଜନ କରି ପାରିଲେ ନାହିଁ।
\v 41 ମାତ୍ର ଇଲୀଶାୟ କହିଲେ, “ତେବେ କିଛି ଅଟା ଆଣ।” ଆଉ ସେ ତାହା ହଣ୍ଡାରେ ପକାଇ କହିଲେ, “ଲୋକମାନଙ୍କ ନିମନ୍ତେ ତାହା ଢାଳ, ସେମାନେ ଭୋଜନ କରନ୍ତୁ।” ତହୁଁ ହଣ୍ଡାରେ କିଛି ମନ୍ଦ ରହିଲା ନାହିଁ।
\p
\s5
\v 42 ଏଥିଉତ୍ତାରେ ବାଲ୍‍-ଶାଲିଶାରୁ ଜଣେ ପରମେଶ୍ୱରଙ୍କ ଲୋକଙ୍କ ନିକଟକୁ ପ୍ରଥମ ଫଳର ରୁଟି, ଅର୍ଥାତ୍‍, କୋଡ଼ିଏ ଯବ ରୁଟି ଓ ନୂତନ ଶସ୍ୟର ଶିଷା ଆପଣା ଝୁଲିରେ ନେଇ ଆସିଲା। ତହିଁରେ ଇଲୀଶାୟ କହିଲେ, “ଲୋକମାନଙ୍କୁ ଦିଅ, ସେମାନେ ଭୋଜନ କରନ୍ତୁ।”
\v 43 ତହୁଁ ତାଙ୍କ ଦାସ କହିଲା, “କ’ଣ, ଶହେ ଲୋକଙ୍କ ଆଗରେ ଏହା ରଖିବି ?” ମାତ୍ର ଇଲୀଶାୟ କହିଲେ, “ଲୋକମାନଙ୍କୁ ଦିଅ, ସେମାନେ ଭୋଜନ କରନ୍ତୁ; କାରଣ ସଦାପ୍ରଭୁ ଏହା କହନ୍ତି, ‘ସେମାନେ ଭୋଜନ କରିବେ ଓ ତହିଁରୁ ଅବଶିଷ୍ଟାଂଶ ରଖିବେ।’”
\v 44 ତହୁଁ ସେ ତାହା ଲୋକମାନଙ୍କ ଆଗରେ ରଖନ୍ତେ, ସେମାନେ ଭୋଜନ କଲେ ଓ ସଦାପ୍ରଭୁଙ୍କ ବାକ୍ୟାନୁସାରେ ସେମାନେ ଅବଶିଷ୍ଟାଂଶ ରଖିଲେ।
\s5
\c 5
\s ନାମାନ୍‍ କୁଷ୍ଠରୋଗରୁ ଆରୋଗ୍ୟ
\p
\v 1 ଅରାମୀୟ ରାଜାର ନାମାନ୍‍ ନାମକ ସେନାପତି ଆପଣା ପ୍ରଭୁଙ୍କ ଦୃଷ୍ଟିରେ ମହାନ ଓ ସମ୍ଭ୍ରାନ୍ତ ଲୋକ ଥିଲା, କାରଣ ତାହା ଦ୍ୱାରା ସଦାପ୍ରଭୁ ଅରାମୀୟମାନଙ୍କୁ ଜୟ ପ୍ରଦାନ କରିଥିଲେ; ସେ ମଧ୍ୟ ମହାବିକ୍ରମଶାଳୀ ଲୋକ ଥିଲା, ମାତ୍ର ସେ କୁଷ୍ଠୀ।
\v 2 ଅରାମୀୟମାନେ ଦଳ ଦଳ ହୋଇ ବାହାରି ଇସ୍ରାଏଲ ଦେଶରୁ ଏକ କ୍ଷୁଦ୍ର ବାଳିକାକୁ ବନ୍ଦୀ କରି ଆଣିଥିଲେ; ଆଉ ସେ ନାମାନ୍‍ର ଭାର୍ଯ୍ୟାର ସେବା କରୁଥିଲା।
\s5
\v 3 ପୁଣି ସେ ଆପଣା କର୍ତ୍ତ୍ରୀକୁ କହିଲା, “ଆଃ, ଶମରୀୟାରେ ଯେଉଁ ଭବିଷ୍ୟଦ୍‍ବକ୍ତା ଅଛନ୍ତି, ତାଙ୍କ ସଙ୍ଗେ ଯେବେ ମୋ’ ପ୍ରଭୁ ଥାଆନ୍ତେ, ତେବେ ତାଙ୍କୁ ସେ ତାଙ୍କ କୁଷ୍ଠରୋଗରୁ ସୁସ୍ଥ କରନ୍ତେ।”
\v 4 ଏଥିରେ ଜଣେ ଭିତରକୁ ଯାଇ ତାହାର ପ୍ରଭୁଙ୍କୁ ଜଣାଇ କହିଲା, “ଇସ୍ରାଏଲ ଦେଶର ବାଳିକା ଏପରି ଏପରି କହେ।”
\p
\s5
\v 5 ତହୁଁ ଅରାମର ରାଜା କହିଲା, “ତୁମ୍ଭେ ସେଠାକୁ ଯାଅ, ଆଉ ମୁଁ ଇସ୍ରାଏଲ ରାଜାଙ୍କ ନିକଟକୁ ଖଣ୍ଡେ ପତ୍ର ପଠାଇବି।” ତହୁଁ ସେ ଆପଣା ସଙ୍ଗେ ଦଶ ତାଳନ୍ତ ରୂପା ଓ ଛଅ ସହସ୍ର ସ୍ୱର୍ଣ୍ଣ ମୁଦ୍ରା ଓ ଦଶ ସାଜ ପୋଷାକ ନେଇ ପ୍ରସ୍ଥାନ କଲା।
\v 6 ଆଉ ସେ ଇସ୍ରାଏଲର ରାଜାଙ୍କ ନିକଟକୁ ପତ୍ର ନେଇ ଗଲା; ତହିଁରେ ଏହା ଲେଖାଥିଲା, ଯଥା, “ପୁଣି ଏହି ପତ୍ର ତୁମ୍ଭ ନିକଟରେ ପହଞ୍ଚିଲେ ଦେଖିବ ଯେ, ମୁଁ ଆପଣା ଦାସ ନାମାନ୍‍କୁ ତୁମ୍ଭ ନିକଟକୁ ପଠାଇଲି, ଯେପରି ତୁମ୍ଭେ ତାହାକୁ ତାହାର କୁଷ୍ଠରୋଗରୁ ସୁସ୍ଥ କରିବ।”
\s5
\v 7 ତହୁଁ ଇସ୍ରାଏଲର ରାଜା ଏହି ପତ୍ର ପାଠ କରନ୍ତେ, ଆପଣା ବସ୍ତ୍ର ଚିରି କହିଲା, “ମାରିବାକୁ ଓ ବଞ୍ଚାଇବାକୁ ସମର୍ଥ ପରମେଶ୍ୱର କି ମୁଁ, ଯେ ଏହି ଲୋକ ଏକ ମନୁଷ୍ୟକୁ ତାହାର କୁଷ୍ଠରୋଗରୁ ସୁସ୍ଥ କରିବା ପାଇଁ ମୋ’ ନିକଟକୁ ପଠାଇଅଛି ? କିନ୍ତୁ ମୁଁ ବିନୟ କରୁଅଛି, ତୁମ୍ଭେମାନେ ବିବେଚନା କର, ସେ କିପରି ଆମ୍ଭ ବିରୁଦ୍ଧରେ ଛିଦ୍ର ଖୋଜୁଅଛି।”
\p
\s5
\v 8 ଏଥିଉତ୍ତାରେ ଇସ୍ରାଏଲର ରାଜା ଆପଣା ବସ୍ତ୍ର ଚିରିଅଛନ୍ତି, ଏହା ଶୁଣି ପରମେଶ୍ୱରଙ୍କ ଲୋକ ଇଲୀଶାୟ, ରାଜାଙ୍କ ନିକଟକୁ ଏହି କଥା କହି ପଠାଇଲେ, “ତୁମ୍ଭେ କାହିଁକି ଆପଣା ବସ୍ତ୍ର ଚିରିଲ ? ସେ ଏବେ ମୋ’ ନିକଟକୁ ଆସୁ, ତହିଁରେ ଇସ୍ରାଏଲ ମଧ୍ୟରେ ଯେ ଏକ ଭବିଷ୍ୟଦ୍‍ବକ୍ତା ଅଛି, ଏହା ସେ ଜାଣିବ।”
\v 9 ଏଣୁ ନାମାନ୍‍ ଆପଣା ଅଶ୍ୱ ଓ ରଥ ଇତ୍ୟାଦି ସହିତ ଆସି ଇଲୀଶାୟଙ୍କ ଗୃହର ଦ୍ୱାର ନିକଟରେ ଠିଆ ହେଲା।
\v 10 ତହୁଁ ଇଲୀଶାୟ ଏକ ଦୂତ ପଠାଇ ତାହାଙ୍କୁ କହିଲେ, “ତୁମ୍ଭେ ଯାଇ ଯର୍ଦ୍ଦନରେ ସାତ ଥର ସ୍ନାନ କର, ତହିଁରେ ତୁମ୍ଭର ନୂତନ ମାଂସ ହେବ ଓ ତୁମ୍ଭେ ଶୁଚି ହେବ।”
\s5
\v 11 ମାତ୍ର ନାମାନ୍‍ କ୍ରୁଦ୍ଧ ହୋଇ ଚାଲିଗଲା, ଆଉ କହିଲା, “ଦେଖ, ମୁଁ ଭାବିଥିଲି, ସେ ଅବଶ୍ୟ ବାହାରି ମୋ’ ନିକଟକୁ ଆସିବ ଓ ଠିଆ ହୋଇ ସଦାପ୍ରଭୁ ତାହାର ପରମେଶ୍ୱରଙ୍କ ନାମରେ ପ୍ରାର୍ଥନା କରି କୁଷ୍ଠ ସ୍ଥାନରେ ହସ୍ତ ହଲାଇ ତାହା ସୁସ୍ଥ କରିବ।
\v 12 ଇସ୍ରାଏଲର ସମୁଦାୟ ଜଳ ଅପେକ୍ଷା କି ଦମ୍ମେଶକର ଅବାନା ଓ ପର୍ପର ନଦୀ ଉତ୍ତମ ନୁହେଁ ? ମୁଁ କି ତହିଁରେ ସ୍ନାନ କରି ଶୁଚି ହୋଇ ନ ପାରନ୍ତି ?” ଏଣୁ ସେ ଫେରି କ୍ରୋଧରେ ଚାଲିଗଲା।
\s5
\v 13 ଏଥିରେ ତାହାର ଦାସମାନେ ନାମାନ୍‍ ନିକଟକୁ ଆସି କହିଲେ, “ଆମ୍ଭ ପିତଃ, ଯଦି ସେହି ଭବିଷ୍ୟଦ୍‍ବକ୍ତା କୌଣସି ବଡ଼ କାର୍ଯ୍ୟ କରିବାକୁ ଆପଣଙ୍କୁ ଆଜ୍ଞା କରିଥାଆନ୍ତେ, ତେବେ କି ଆପଣ ତାହା କରି ନ ଥାଆନ୍ତେ ? ତେବେ ସ୍ନାନ କରି ଶୁଚି ହୁଅ, ଏହି କଥା ଯେତେବେଳେ ସେ ଆପଣଙ୍କୁ କହନ୍ତି, ତାହା ମାନିବା କେତେ ଅଧିକ କର୍ତ୍ତବ୍ୟ।”
\v 14 ତହୁଁ ସେ ପରମେଶ୍ୱରଙ୍କ ଲୋକଙ୍କ ବାକ୍ୟାନୁସାରେ ଯାଇ ଯର୍ଦ୍ଦନରେ ଆପଣାକୁ ସାତ ଥର ବୁଡ଼ାଇଲା; ଏଥିରେ ତାହାର ମାଂସ ପୁନର୍ବାର କ୍ଷୁଦ୍ର ବାଳକର ମାଂସ ତୁଲ୍ୟ ହେଲା ଓ ସେ ଶୁଚି ହେଲା।
\s ଗିହେଜୀଙ୍କ ଲୋଭ ଏବଂ ଦଣ୍ଡ
\p
\s5
\v 15 ଏଥିଉତ୍ତାରେ ନାମାନ୍‍ ଓ ତାହାର ସଙ୍ଗୀ ସମସ୍ତେ ପରମେଶ୍ୱରଙ୍କ ଲୋକଙ୍କ ନିକଟକୁ ଫେରି ଆସି ତାଙ୍କ ସମ୍ମୁଖରେ ଠିଆ ହେଲେ; ଆଉ ନାମାନ୍‍ କହିଲା, “ଦେଖନ୍ତୁ, ଏବେ ମୁଁ ଜାଣିଲି ଯେ, ଇସ୍ରାଏଲ ପରମେଶ୍ୱରଙ୍କ ବ୍ୟତୀତ ସମୁଦାୟ ପୃଥିବୀରେ ପରମେଶ୍ୱର କେହି ନାହାନ୍ତି; ଏହେତୁ ଏବେ ମୁଁ ଆପଣଙ୍କୁ ବିନୟ କରୁଅଛି, ଆପଣା ଦାସଠାରୁ ଉପହାର ଗ୍ରହଣ କରନ୍ତୁ।”
\v 16 ମାତ୍ର ଇଲୀଶାୟ କହିଲେ, “ମୁଁ ଯେଉଁ ସଦାପ୍ରଭୁଙ୍କ ସମ୍ମୁଖରେ ଠିଆ ହେଉଅଛି, ସେ ଜୀବିତ ଥିବା ପ୍ରମାଣେ ମୁଁ କିଛି ଗ୍ରହଣ କରିବି ନାହିଁ।” ତହୁଁ ନାମାନ୍‍ ତାହା ଗ୍ରହଣ କରିବା ପାଇଁ ଇଲୀଶାୟଙ୍କୁ ବହୁତ ପ୍ରବର୍ତ୍ତାଇଲା, ମାତ୍ର ସେ ମନା କଲେ।
\s5
\v 17 ଏଥିରେ ନାମାନ୍‍ କହିଲା, “ଏହା ନ କଲେ, ମୁଁ ଆପଣଙ୍କୁ ବିନୟ କରୁଅଛି, ଆପଣଙ୍କ ଦାସକୁ ଦୁଇ ଖଚରର ଭାର ମାଟି ଦିଆଯାଉ; କାରଣ ଆଜିଠାରୁ ଆପଣଙ୍କ ଦାସ ସଦାପ୍ରଭୁଙ୍କ ବ୍ୟତୀତ ଆଉ କୌଣସି ଦେବତା ଉଦ୍ଦେଶ୍ୟରେ ହୋମ କି ବଳି ଉତ୍ସର୍ଗ କରିବ ନାହିଁ।
\v 18 ଏହି ବିଷୟରେ ସଦାପ୍ରଭୁ ଆପଣଙ୍କ ଦାସକୁ କ୍ଷମା କରନ୍ତୁ; ମୋ’ ପ୍ରଭୁ ରିମ୍ମୋଣ-ମନ୍ଦିରରେ ପ୍ରଣାମ କରିବା ପାଇଁ ଯିବା ବେଳେ ମୋ’ ହସ୍ତରେ ନିର୍ଭର କଲେ, ମୁଁ ଯେବେ ରିମ୍ମୋନ୍‍ ମନ୍ଦିରରେ ପ୍ରଣାମ କରେ, ତେବେ ରିମ୍ମୋଣ-ମନ୍ଦିରରେ ପ୍ରଣାମ କରିବା ବେଳେ ଏ ବିଷୟରେ ସଦାପ୍ରଭୁ ଆପଣଙ୍କ ଦାସକୁ କ୍ଷମା କରନ୍ତୁ।”
\v 19 ତହିଁରେ ଇଲୀଶାୟ ତାହାକୁ କହିଲେ, “କୁଶଳରେ ଯାଅ।” ତହୁଁ ନାମାନ୍‍ ଇଲୀଶାୟଙ୍କ ନିକଟରୁ ପ୍ରସ୍ଥାନ କରି ଅଳ୍ପ ଦୂର ବାଟ ଗଲା।
\s5
\v 20 ମାତ୍ର ପରମେଶ୍ୱରଙ୍କ ଲୋକ ଇଲୀଶାୟଙ୍କର ଦାସ ଗିହେଜୀ କହିଲା, “ଦେଖ, ମୋ’ ପ୍ରଭୁ ଏହି ଅରାମୀୟ ନାମାନ୍‍ ଆଣିଥିବା କୌଣସି ଦ୍ରବ୍ୟ ତାହା ହାତରୁ ଗ୍ରହଣ ନ କରି ତାହାକୁ ଛାଡ଼ି ଦେଇଅଛନ୍ତି; ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ମୁଁ ତାହା ପଛେ ଦୌଡ଼ି ତାହାଠାରୁ କିଛି ନେବି।”
\v 21 ତହୁଁ ଗିହେଜୀ ନାମାନ୍‍ର ପଛେ ପଛେ ଗଲା। ଏଥିରେ ନାମାନ୍‍ ଆପଣା ପଛେ ଜଣକୁ ଦୌଡ଼ିବାର ଦେଖି ତାହାକୁ ସାକ୍ଷାତ କରିବା ପାଇଁ ରଥରୁ ଓହ୍ଲାଇ ପଚାରିଲା, “ସବୁ କୁଶଳ ତ ?”
\v 22 ତହିଁରେ ସେ କହିଲା, “ସବୁ କୁଶଳ। ମୋ’ ପ୍ରଭୁ ମୋତେ ପଠାଇ କହିଅଛନ୍ତି, ‘ଦେଖ, ଏହିକ୍ଷଣେ ଇଫ୍ରୟିମର ପର୍ବତମୟ ଦେଶରୁ ଭବିଷ୍ୟଦ୍‍ବକ୍ତାଗଣଙ୍କ ଦଳ ମଧ୍ୟରୁ ଦୁଇ ଯୁବା ଲୋକ ଆସିଲେ; ମୁଁ ବିନୟ କରୁଅଛି, ସେମାନଙ୍କୁ ଏକ ତାଳନ୍ତ
\f +
\fr 5:22
\ft ପ୍ରାୟ ୩୩ କିଲୋ ରୂପା
\f* ରୂପା ଓ ଦୁଇ ସାଜ ପୋଷାକ ଦିଅ।’”
\s5
\v 23 ଏଥିରେ ନାମାନ୍‍ କହିଲା, “ଅନୁଗ୍ରହ କରି ଦୁଇ ତାଳନ୍ତ
\f +
\fr 5:23
\ft ପ୍ରାୟ ୬୬ କିଲୋ ରୂପା
\f* ରୂପା ନିଅ।” ଆଉ ସେ ତାହାକୁ ବହୁତ ପ୍ରବର୍ତ୍ତାଇଲା ଓ ଦୁଇ ଥଳୀରେ ଦୁଇ ତାଳନ୍ତ ରୂପା ବାନ୍ଧି ଦୁଇ ସାଜ ପୋଷାକ ସହିତ ଆପଣା ଦୁଇ ଦାସ ଉପରେ ତାହା ଥୋଇଲା; ତହୁଁ ସେମାନେ ଗିହେଜୀର ଆଗେ ଆଗେ ତାହା ବହି ନେଲେ।
\v 24 ପୁଣି ଉପପର୍ବତରେ ଉପସ୍ଥିତ ହୁଅନ୍ତେ, ସେ ସେମାନଙ୍କ ହସ୍ତରୁ ତାହାସବୁ ନେଇ ଗୃହରେ ରଖିଲା; ଆଉ ସେ ଲୋକମାନଙ୍କୁ ବିଦାୟ କରନ୍ତେ, ସେମାନେ ଚାଲିଗଲେ।
\v 25 ମାତ୍ର ସେ ଭିତରକୁ ଯାଇ ଆପଣା ପ୍ରଭୁ ସମ୍ମୁଖରେ ଠିଆ ହେଲା। ତହିଁରେ ଇଲୀଶାୟ ତାହାକୁ ପଚାରିଲେ, “ଗିହେଜୀ, ତୁମ୍ଭେ କେଉଁଠାରୁ ଆସିଲ ?” ତହୁଁ ସେ କହିଲା, “ଆପଣଙ୍କ ଦାସ କେଉଁଠାକୁ ଯାଇ ନାହିଁ।”
\s5
\v 26 ଏଥିରେ ଇଲୀଶାୟ ତାହାକୁ କହିଲେ, “ସେ ଲୋକ ତୁମ୍ଭକୁ ଭେଟିବା ପାଇଁ ଯେତେବେଳେ ଆପଣା ରଥରୁ ଫେରି ଆସିଲା, ସେତେବେଳେ ମୋହର ଅନ୍ତଃକରଣ କି ତୁମ୍ଭ ସଙ୍ଗରେ ଯାଇ ନ ଥିଲା ? ଏ କି ରୂପା, ବସ୍ତ୍ର, ଜୀତକ୍ଷେତ୍ର, ଦ୍ରାକ୍ଷାକ୍ଷେତ୍ର, ମେଷ, କି ଗୋରୁ, ଓ ଦାସ ଓ ଦାସୀ ଗ୍ରହଣ କରିବାର ସମୟ ?
\v 27 ଏହେତୁ ନାମାନ୍‍ର କୁଷ୍ଠରୋଗ ତୁମ୍ଭଠାରେ ଓ ତୁମ୍ଭ ବଂଶରେ ସଦାକାଳ ଲାଗି ରହିବ।” ଏଥିରେ ଗିହେଜୀ ହିମ ତୁଲ୍ୟ ଶ୍ୱେତ କୁଷ୍ଠଗ୍ରସ୍ତ ହୋଇ ତାଙ୍କ ସାକ୍ଷାତରୁ ବାହାରି ଗଲା।
\s5
\c 6
\s ଜଳରେ ଭାସମାନ ଲୁହା ଖଣ୍ଡ
\p
\v 1 ଏକ ସମୟରେ ଭବିଷ୍ୟଦ୍‍ବକ୍ତାଗଣଙ୍କ ଦଳ ଇଲୀଶାୟଙ୍କୁ କହିଲେ, “ଏବେ ଦେଖନ୍ତୁ, ଆମ୍ଭେମାନେ ଆପଣଙ୍କ ସମ୍ମୁଖରେ ଏହି ଯେଉଁ ସ୍ଥାନରେ ବାସ କରୁଅଛୁ, ତାହା ଆମ୍ଭମାନଙ୍କ ପାଇଁ ସଂକୀର୍ଣ୍ଣ।
\v 2 ଆମ୍ଭେମାନେ ବିନୟ କରୁଅଛୁ, ଆମ୍ଭେମାନେ ଯର୍ଦ୍ଦନକୁ ଯାଇ ପ୍ରତି ଜଣ ସେଠାରୁ ଏକ ଏକ କଡ଼ିକାଠ ନେଇ ଆପଣାମାନଙ୍କ ବସତି ନିମନ୍ତେ ସେଠାରେ ଏକ ସ୍ଥାନ ନିର୍ମାଣ କରୁ।” ଏଥିରେ ଇଲୀଶାୟ ଉତ୍ତର ଦେଲେ, “ତୁମ୍ଭେମାନେ ଯାଅ।”
\v 3 ତହୁଁ ଜଣେ କହିଲା, “ବିନୟ କରୁଅଛି, ଆପଣ ଅନୁଗ୍ରହ କରି ଆପଣା ଦାସମାନଙ୍କ ସଙ୍ଗରେ ଚାଲନ୍ତୁ।” ଏଥିରେ ଇଲୀଶାୟ ଉତ୍ତର ଦେଲେ, “ମୁଁ ଯିବି।”
\s5
\v 4 ତହୁଁ ସେ ସେମାନଙ୍କ ସଙ୍ଗରେ ଗଲେ।
\p ପୁଣି ସେମାନେ ଯର୍ଦ୍ଦନରେ ଉପସ୍ଥିତ ହୁଅନ୍ତେ, କାଠ କାଟିଲେ।
\v 5 ମାତ୍ର ଜଣେ କଡ଼ିକାଠ କାଟୁ କାଟୁ କୁହ୍ରାଡ଼ି-ଲୁହା ଜଳରେ ପଡ଼ିଗଲା; ତହିଁରେ ସେ ଡକା ଛାଡ଼ି କହିଲା, “ହାୟ, ମୋ’ ପ୍ରଭୁ ! ତାହା ତ ଉଧାରି-ବସ୍ତୁ।”
\s5
\v 6 ଏଥିରେ ପରମେଶ୍ୱରଙ୍କ ଲୋକ କହିଲେ, “ତାହା କେଉଁ ସ୍ଥାନରେ ପଡ଼ିଲା ?” ତହୁଁ ସେ ତାଙ୍କୁ ସେହି ସ୍ଥାନ ଦେଖାଇ ଦେଲା। ତହିଁରେ ଇଲୀଶାୟ ଖଣ୍ଡେ କାଠ କାଟି ସେଠାରେ ପକାଇ ଲୁହାକୁ ଭସାଇଲେ।
\v 7 ଆଉ ଇଲୀଶାୟ କହିଲେ, “ତୁମ୍ଭେ ତାହା ଉଠାଇ ନିଅ।” ତହୁଁ ସେ ହାତ ବଢ଼ାଇ ତାହା ନେଲା।
\s ଅରାମର ସୈନ୍ୟବାହିନୀ ପରାଜିତ
\p
\s5
\v 8 ଥରେ ଅରାମର ରାଜା ଇସ୍ରାଏଲ ବିରୁଦ୍ଧରେ ଯୁଦ୍ଧ କରୁଥିଲା, ମାତ୍ର ସେ ଯେତେବେଳେ ଆପଣା ଦାସମାନଙ୍କ ସହିତ ମନ୍ତ୍ରଣା କରି କହେ, “କେବଳ ଏହି ଏହି ସ୍ଥାନରେ ମୋହର ଛାଉଣି ହେବ,”
\v 9 ସେତେବେଳେ ପରମେଶ୍ୱରଙ୍କ ଲୋକ ଇସ୍ରାଏଲର ରାଜାଙ୍କ ନିକଟକୁ କହି ପଠାନ୍ତି, “ସାବଧାନ, ତୁମ୍ଭେ ସେହି ସ୍ଥାନ ଦେଇ ଯିବ ନାହିଁ; କାରଣ ଅରାମୀୟମାନେ ସେହି ସ୍ଥାନକୁ ଓହ୍ଲାଇ ଆସୁଅଛନ୍ତି।”
\s5
\v 10 ତହିଁରେ ପରମେଶ୍ୱରଙ୍କ ଲୋକ ଯେଉଁ ସ୍ଥାନ ବିଷୟ ଜଣାଇ ସତର୍କ କରାଇଥାଆନ୍ତି, ଇସ୍ରାଏଲର ରାଜା ସେହି ସ୍ଥାନକୁ ଲୋକ ପଠାନ୍ତି; ଏହିରୂପେ ସେ ଥରେ କି ଦୁଇ ଥର ନୁହେଁ, ବାରମ୍ବାର ସେସ୍ଥାନରେ ଆପଣାକୁ ରକ୍ଷା କଲେ।
\p
\v 11 ପୁଣି ଏଥିସକାଶୁ ଅରାମୀୟ ରାଜାର ହୃଦୟ ଅତି ବ୍ୟସ୍ତ ହେଲା; ଏଣୁ ସେ ଆପଣା ଦାସମାନଙ୍କୁ ଡାକି ସେମାନଙ୍କୁ କହିଲା, “ଆମ୍ଭମାନଙ୍କ ମଧ୍ୟରୁ କିଏ ଇସ୍ରାଏଲ ରାଜାର ସପକ୍ଷ, ଏହା କ’ଣ ତୁମ୍ଭେମାନେ ମୋତେ ଜଣାଇବ ନାହିଁ।”
\s5
\v 12 ଏଥିରେ ତାହାର ଦାସମାନଙ୍କ ମଧ୍ୟରୁ ଜଣେ କହିଲା, “ନା, ହେ ମୋ’ ପ୍ରଭୁ, ମହାରାଜ, ମାତ୍ର ଆପଣ ନିଜ ଶୟନ ଗୃହରେ ଯାହା ଯାହା କହନ୍ତି, ସେସବୁ କଥା ଇସ୍ରାଏଲର ମଧ୍ୟବର୍ତ୍ତୀ ଇଲୀଶାୟ ଭବିଷ୍ୟଦ୍‍ବକ୍ତା ଇସ୍ରାଏଲର ରାଜାକୁ ଜଣାଏ।”
\v 13 ତହୁଁ ଅରାମୀୟ ରାଜା କହିଲା, “ଯାଇ ଦେଖ, ଇଲୀଶାୟ କେଉଁଠାରେ ଅଛି, ତହିଁରେ ମୁଁ ଲୋକ ପଠାଇ ତାହାକୁ ଆଣିବି।” ଏଥିଉତ୍ତାରେ ତାହାକୁ ସମ୍ବାଦ ଦିଆଗଲା ଯେ, “ଦେଖନ୍ତୁ, ସେ ଦୋଥନରେ ଅଛି।”
\s5
\v 14 ଏହେତୁ ସେ ସେସ୍ଥାନକୁ ଅଶ୍ୱଗଣ ଓ ରଥ ଓ ମହାସୈନ୍ୟଦଳ ପଠାଇଲା; ପୁଣି ସେମାନେ ରାତ୍ରିରେ ଆସି ନଗରର ଚତୁର୍ଦ୍ଦିଗ ବେଷ୍ଟନ କଲେ।
\p
\v 15 ଏଥିରେ ପରମେଶ୍ୱରଙ୍କ ଲୋକଙ୍କ ସେବକ ପ୍ରଭାତରେ ଉଠି ବାହାରକୁ ଯାଆନ୍ତେ, ଦେଖ, ଏକ ସୈନ୍ୟଦଳ ଅଶ୍ୱ ଓ ରଥ ସହିତ ନଗରର ଚତୁର୍ଦ୍ଦିଗ ବେଷ୍ଟନ କରିଅଛନ୍ତି। ତହୁଁ ତାଙ୍କର ଦାସ ତାଙ୍କୁ କହିଲା, “ହାୟ, ମୋହର ପ୍ରଭୁ ! ଆମ୍ଭେମାନେ କଅଣ କରିବା ?”
\v 16 ତହିଁରେ ସେ ଉତ୍ତର କଲେ, “ଭୟ କର ନାହିଁ; କାରଣ ସେମାନଙ୍କ ସଙ୍ଗୀଗଣ ଅପେକ୍ଷା ଆମ୍ଭମାନଙ୍କ ସଙ୍ଗୀଗଣ ଅଧିକ।”
\s5
\v 17 ପୁଣି ଇଲୀଶାୟ ପ୍ରାର୍ଥନା କରି କହିଲେ, “ହେ ସଦାପ୍ରଭୁ, ମୁଁ ବିନୟ କରୁଅଛି, ସେ ଯେପରି ଦେଖି ପାରିବ, ଏଥିପାଇଁ ତାହାର ଚକ୍ଷୁ ମୁକ୍ତ କର।” ପୁଣି ସଦାପ୍ରଭୁ ସେହି ଯୁବା ଲୋକର ଚକ୍ଷୁ ମୁକ୍ତ କଲେ; ଆଉ ସେ ଦେଖିଲା; ପୁଣି ଦେଖ, ପର୍ବତ ଇଲୀଶାୟଙ୍କ ଚତୁର୍ଦ୍ଦିଗରେ ଅଗ୍ନିମୟ ଅଶ୍ୱ ଓ ରଥରେ ପରିପୂର୍ଣ୍ଣ ଥିଲା।
\p
\v 18 ଏଥିଉତ୍ତାରେ ସୈନ୍ୟମାନେ ଇଲୀଶାୟଙ୍କ ନିକଟକୁ ଓହ୍ଲାଇ ଆସନ୍ତେ, ସେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରି କହିଲେ, “ମୁଁ ବିନୟ କରୁଅଛି, ଏହି ଲୋକମାନଙ୍କୁ ଅନ୍ଧତାରେ ଆଘାତ କର।” ଏଥିରେ ସଦାପ୍ରଭୁ ଇଲୀଶାୟଙ୍କର ବାକ୍ୟାନୁସାରେ ସେମାନଙ୍କୁ ଅନ୍ଧତାରେ ଆଘାତ କଲେ।
\v 19 ସେତେବେଳେ ଇଲୀଶାୟ ସେମାନଙ୍କୁ କହିଲେ, “ଏ ସେହି ପଥ ନୁହେଁ, କି ଏ ସେହି ନଗର ନୁହେଁ; ମୋ’ ପଛେ ପଛେ ଆସ, ତୁମ୍ଭେମାନେ ଯେଉଁ ଲୋକକୁ ଖୋଜୁଅଛ, ମୁଁ ତାହା ନିକଟକୁ ତୁମ୍ଭମାନଙ୍କୁ ନେଇଯିବି।” ତହୁଁ ଇଲୀଶାୟ ସେମାନଙ୍କୁ ଶମରୀୟାକୁ କଢ଼ାଇ ନେଲେ।
\s5
\v 20 ଏଥିରେ ସେମାନେ ଶମରୀୟାରେ ଉପସ୍ଥିତ ହୁଅନ୍ତେ, ଇଲୀଶାୟ କହିଲେ, “ହେ ସଦାପ୍ରଭୁ, ଏ ଲୋକମାନେ ଯେପରି ଦେଖି ପାରିବେ, ଏଥିପାଇଁ ସେମାନଙ୍କ ଚକ୍ଷୁ ମୁକ୍ତ କର।” ତହୁଁ ସଦାପ୍ରଭୁ ସେମାନଙ୍କ ଚକ୍ଷୁ ମୁକ୍ତ କରନ୍ତେ, ସେମାନେ ଦେଖିଲେ, ଆଉ ଦେଖ, ସେମାନେ ଶମରୀୟାର ମଧ୍ୟରେ ଅଛନ୍ତି।
\v 21 ତହିଁରେ ଇସ୍ରାଏଲର ରାଜା ସେମାନଙ୍କୁ ଦେଖି ଇଲୀଶାୟଙ୍କୁ କହିଲେ, “ହେ ମୋହର ପିତଃ, ମୁଁ କ’ଣ ସେମାନଙ୍କୁ ଆଘାତ କରିବି ? ମୁଁ କ’ଣ ସେମାନଙ୍କୁ ଆଘାତ କରିବି ?”
\s5
\v 22 ତହୁଁ ଇଲୀଶାୟ ଉତ୍ତର ଦେଲେ, “ତୁମ୍ଭେ ସେମାନଙ୍କୁ ଆଘାତ କରିବ ନାହିଁ; ତୁମ୍ଭେ ଯେଉଁମାନଙ୍କୁ ଆପଣା ଖଡ୍ଗ ଓ ଧନୁ ଦ୍ୱାରା ବନ୍ଦୀ କରି ନେଇଅଛ, ସେମାନଙ୍କୁ କ’ଣ ଆଘାତ କରିବ ? ସେମାନଙ୍କ ସମ୍ମୁଖରେ ରୁଟି ଓ ଜଳ ରଖ, ସେମାନେ ଭୋଜନପାନ କରି ଆପଣା ପ୍ରଭୁ ନିକଟକୁ ଯାଆନ୍ତୁ।”
\v 23 ତହିଁରେ ଇସ୍ରାଏଲର ରାଜା ସେମାନଙ୍କ ନିମନ୍ତେ ମହାଭୋଜ ପ୍ରସ୍ତୁତ କଲେ; ପୁଣି ସେମାନେ ଭୋଜନପାନ କଲା ଉତ୍ତାରେ ସେ ସେମାନଙ୍କୁ ବିଦାୟ କଲେ, ତହୁଁ ସେମାନେ ଆପଣାମାନଙ୍କ ପ୍ରଭୁଙ୍କ ନିକଟକୁ ଗଲେ। ଏଉତ୍ତାରେ ଅରାମର ସୈନ୍ୟଦଳ ଆଉ ଇସ୍ରାଏଲର ଦେଶକୁ ଆସିଲେ ନାହିଁ।
\s ଶମରୀୟା ଅବରୋଧ
\p
\s5
\v 24 ଏଥିଉତ୍ତାରେ ଅରାମର ରାଜା ବିନ୍‍ହଦଦ୍‍ ଆପଣାର ସମସ୍ତ ସୈନ୍ୟ ଏକତ୍ର କରି ଯାଇ ଶମରୀୟାକୁ ଅବରୋଧ କଲା।
\v 25 ତହିଁରେ ଶମରୀୟାରେ ମହାଦୁର୍ଭିକ୍ଷ ହେଲା; ଆଉ ଦେଖ, ଏକ ଗର୍ଦ୍ଦଭର ମୁଣ୍ଡ ଅଶୀ ରୌପ୍ୟ ମୁଦ୍ରାରେ ଓ କପୋତ ମଳର ଏକ କାବ୍‍ର ଚତୁର୍ଥାଂଶ ପାଞ୍ଚ ରୌପ୍ୟ ମୁଦ୍ରାରେ ବିକ୍ରୟ ହେବା ପର୍ଯ୍ୟନ୍ତ ସେମାନେ ତାହା ଅବରୋଧ କଲେ।
\v 26 ଏଥିରେ ଇସ୍ରାଏଲର ରାଜା ପ୍ରାଚୀର ଉପର ଦେଇ ଯିବା ସମୟରେ ଏକ ସ୍ତ୍ରୀ ତାଙ୍କ ପ୍ରତି ଡାକ ପକାଇ କହିଲା, “ହେ ମୋ’ ପ୍ରଭୁ, ମହାରାଜ, ସାହାଯ୍ୟ କରନ୍ତୁ।”
\s5
\v 27 ତହିଁରେ ସେ କହିଲେ, “ଯେବେ ସଦାପ୍ରଭୁ ତୁମ୍ଭର ସାହାଯ୍ୟ ନ କରନ୍ତି, ତେବେ ମୁଁ କେଉଁଠାରୁ ତୁମ୍ଭକୁ ସାହାଯ୍ୟ କରିବି ? କି ଖଳାରୁ କି ଅବା ଦ୍ରାକ୍ଷାଯନ୍ତ୍ରରୁ ?”
\v 28 ଆହୁରି ରାଜା ତାହାକୁ କହିଲେ, “ତୁମ୍ଭର କି ଦୁଃଖ ହୋଇଅଛି ?” ତହୁଁ ସେ ଉତ୍ତର ଦେଲା, “ଏହି ସ୍ତ୍ରୀ ମୋତେ କହିଲା, ‘ତୁମ୍ଭ ପୁଅଟିକୁ ଦିଅ, ଆମ୍ଭେମାନେ ତାକୁ ଆଜି ଖାଇବା, ପୁଣି ମୋ’ ପୁଅକୁ କାଲି ଖାଇବା।’
\v 29 ତହୁଁ ଆମ୍ଭେମାନେ ମୋ’ ପୁଅକୁ ସିଦ୍ଧ କରି ଖାଇଲୁ; ପୁଣି ଆର ଦିନ ମୁଁ ତାହାକୁ କହିଲି, ‘ତୁମ୍ଭ ପୁଅକୁ ଦିଅ, ଆମ୍ଭେମାନେ ତାକୁ ଖାଇବା, ମାତ୍ର ସେ ଆପଣା ପୁଅକୁ ଲୁଚାଇଅଛି।”
\p
\s5
\v 30 ସେହି ସ୍ତ୍ରୀର ଏ କଥା ଶୁଣି ରାଜା ଆପଣା ବସ୍ତ୍ର ଚିରିଲେ; ସେତେବେଳେ ସେ ପ୍ରାଚୀର ଉପରେ ଯାଉଥିଲେ; ଆଉ ଲୋକମାନେ ଅନାଇ ଦେଖିଲେ ଯେ, ସେ ବସ୍ତ୍ର ତଳେ ଦେହରେ ଅଖା ପିନ୍ଧିଅଛନ୍ତି।
\v 31 ତେବେ ସେ କହିଲେ, “ଯେବେ ଆଜି ଶାଫଟ୍‍ର ପୁତ୍ର ଇଲୀଶାୟର ମସ୍ତକ ତାହା ଦେହରେ ରହେ, ତେବେ ପରମେଶ୍ୱର ମୋତେ ସେହି ଦଣ୍ଡ, ମଧ୍ୟ ତହିଁରୁ ଅଧିକ ଦେଉନ୍ତୁ।”
\p
\s5
\v 32 ମାତ୍ର ଇଲୀଶାୟ ଆପଣା ଗୃହରେ ବସିଥିଲେ ଓ ପ୍ରାଚୀନବର୍ଗ ତାଙ୍କ ସଙ୍ଗେ ବସିଥିଲେ; ଏପରି ସମୟରେ ରାଜା ଆପଣା ସମ୍ମୁଖରୁ ଜଣେ ଲୋକ ପଠାଇଲେ; ମାତ୍ର ସେ ଦୂତ ଇଲୀଶାୟଙ୍କ ନିକଟରେ ପହଞ୍ଚିବା ପୂର୍ବରୁ ଇଲୀଶାୟ ପ୍ରାଚୀନବର୍ଗଙ୍କୁ କହିଲେ, “ଏହି ନରହତ୍ୟାକାରୀର ପୁତ୍ର କିପରି ମୋହର ମସ୍ତକ ନେବା ପାଇଁ
\f +
\fr 6:32
\ft ଅର୍ଥାତ୍ ମୋତେ ବଧ କରିବା ପାଇଁ
\f* ଲୋକ ପଠାଇଅଛି, ଏହା କ’ଣ ତୁମ୍ଭେମାନେ ଦେଖୁଅଛ ? ଦେଖ, ସେ ଦୂତ ପହଞ୍ଚିବା ବେଳେ ଦ୍ୱାର ବନ୍ଦ କର ଓ ତାକୁ ଅଟକାଇବା ପାଇଁ ଦ୍ୱାର ଦୃଢ଼ କରି ଧର; ତାହାର ପ୍ରଭୁର ପଦଶବ୍ଦ କ’ଣ ତାହାର ପଛରେ ନାହିଁ ?”
\v 33 ପୁଣି ସେ ସେମାନଙ୍କ ସହିତ କଥାବାର୍ତ୍ତା କରୁ କରୁ ଦେଖ, ସେହି ଦୂତ ତାଙ୍କ ନିକଟକୁ ଓହ୍ଲାଇ ଆସିଲା; ଆଉ ସେ କହିଲା, “ଦେଖ, ଏହି ଅମଙ୍ଗଳ ସଦାପ୍ରଭୁଙ୍କଠାରୁ; ମୁଁ କାହିଁକି ଆଉ ସଦାପ୍ରଭୁଙ୍କ ପାଇଁ ଅପେକ୍ଷା କରିବି ?”
\s5
\c 7
\p
\v 1 ସେତେବେଳେ ଇଲୀଶାୟ କହିଲେ, “ତୁମ୍ଭେମାନେ ସଦାପ୍ରଭୁଙ୍କ ବାକ୍ୟ ଶୁଣ; ସଦାପ୍ରଭୁ ଏହି କଥା କହନ୍ତି, ‘କାଲି ପ୍ରାୟ ଏହି ସମୟକୁ ଶମରୀୟାର ନଗର ଦ୍ୱାରରେ ଏକ ପସୁରୀ ସରୁ ମଇଦା ଏକ ଶେକଲରେ
\f +
\fr 7:1
\ft ୧୧ ଗ୍ରାମ୍ ରୂପା
\f* ଓ ଦୁଇ ପସୁରୀ ଯବ ଏକ ଶେକଲରେ ବିକ୍ରୟ କରାଯିବ।’”
\v 2 ସେତେବେଳେ ରାଜା ଯେଉଁ ସେନାପତି ହସ୍ତରେ ନିର୍ଭର କରିଥିଲେ, ସେ ପରମେଶ୍ୱରଙ୍କ ଲୋକଙ୍କୁ ଉତ୍ତର କରି କହିଲା, “ଦେଖ, ଯେବେ ସଦାପ୍ରଭୁ ଆକାଶରେ ଦ୍ୱାର କରନ୍ତି, ତେବେ ହେଁ କ’ଣ ଏ କଥା ହୋଇ ପାରିବ ?” ତହିଁରେ ଇଲୀଶାୟ କହିଲେ, “ଦେଖ, ତୁମ୍ଭେ ସ୍ୱଚକ୍ଷୁରେ ତାହା ଦେଖିବ, ମାତ୍ର ତହିଁରୁ ଭୋଜନ କରିବ ନାହିଁ।”
\s ଅରାମୀୟଙ୍କ ପଳାୟନ
\p
\s5
\v 3 ସେହି ସମୟରେ ନଗର ଦ୍ୱାରର ପ୍ରବେଶ ସ୍ଥାନରେ ଚାରି ଜଣ କୁଷ୍ଠୀ ଥିଲେ; ଆଉ ସେମାନେ ପରସ୍ପର କହିଲେ, “ଆମ୍ଭେମାନେ ମରିବା ପର୍ଯ୍ୟନ୍ତ କାହିଁକି ଏଠାରେ ବସିଅଛୁ ?
\v 4 ଯଦି କହୁ, ଆମ୍ଭେମାନେ ନଗରରେ ପ୍ରବେଶ କରିବା, ତେବେ ନଗରରେ ଦୁର୍ଭିକ୍ଷ ଅଛି, ପୁଣି ଆମ୍ଭେମାନେ ସେଠାରେ ମରିବା; ଆଉ ଯଦି ଆମ୍ଭେମାନେ ଏଠାରେ ବସି ରହିବା, ତେବେ ମଧ୍ୟ ମରିବା। ଏହେତୁ ଆସ, ଆମ୍ଭେମାନେ ଅରାମୀୟମାନଙ୍କ ସୈନ୍ୟର ପକ୍ଷକୁ ଯାଉ; ଯଦି ସେମାନେ ଆମ୍ଭମାନଙ୍କୁ ବଞ୍ଚାଇ ରଖିବେ, ତେବେ ଆମ୍ଭେମାନେ ବଞ୍ଚିବା; ଆଉ ଯଦି ଆମ୍ଭମାନଙ୍କୁ ମାରି ପକାଇବେ, ତେବେ ମରିବା।”
\p
\s5
\v 5 ଏଣୁ କୁଷ୍ଠୀମାନେ ଅରାମୀୟମାନଙ୍କ ଛାଉଣିକୁ ଯିବା ପାଇଁ ଗୋଧୂଳି ସମୟରେ ଉଠିଲେ; ଆଉ ସେମାନେ ଅରାମୀୟମାନଙ୍କ ଛାଉଣିର ବାହାର ସୀମାରେ ଉପସ୍ଥିତ ହେବା ବେଳେ, ଦେଖ, ସେଠାରେ କୌଣସି ମନୁଷ୍ୟ ନ ଥିଲେ।
\v 6 କାରଣ ସଦାପ୍ରଭୁ ଅରାମୀୟମାନଙ୍କ ସୈନ୍ୟଗଣକୁ ରଥ ଶବ୍ଦ ଓ ଅଶ୍ୱ ଶବ୍ଦ, ଅର୍ଥାତ୍‍, ମହାସୈନ୍ୟ ଶବ୍ଦ ଶୁଣାଇଥିଲେ; ତହିଁରେ ସେମାନେ ପରସ୍ପର କହିଲେ, “ଦେଖ, ଇସ୍ରାଏଲର ରାଜା ଆମ୍ଭମାନଙ୍କୁ ଆକ୍ରମଣ କରିବା ପାଇଁ ହିତ୍ତୀୟମାନଙ୍କ ରାଜାଗଣକୁ ଓ ମିସ୍ରୀୟମାନଙ୍କ ରାଜାଗଣକୁ ଆମ୍ଭମାନଙ୍କ ପ୍ରତିକୂଳରେ ବେତନ ଦେଇ ନିଯୁକ୍ତ କରିଅଛି।”
\s5
\v 7 ଏହେତୁ ଅରାମୀୟମାନଙ୍କ ସୈନ୍ୟଗଣ ଉଠି ଗୋଧୂଳି ସମୟରେ ପଳାଇଲେ, ଆଉ ସେମାନେ ଆପଣାମାନଙ୍କ ତମ୍ବୁ ଓ ଅଶ୍ୱ ଓ ଗର୍ଦ୍ଦଭ ଓ ଛାଉଣି ଯେପରି ଥିଲା, ସେପରି ଛାଡ଼ି ଆପଣାମାନଙ୍କ ପ୍ରାଣରକ୍ଷାର୍ଥେ ପଳାଇଲେ।
\v 8 ଏଥିଉତ୍ତାରେ ସେହି କୁଷ୍ଠୀମାନେ ଛାଉଣିର ବାହାର ସୀମାକୁ ଆସି ଗୋଟିଏ ତମ୍ବୁ ଭିତରକୁ ଯାଇ ଭୋଜନପାନ କଲେ, ପୁଣି ତହିଁରୁ ରୂପା ଓ ସୁନା ଓ ବସ୍ତ୍ର ନେଇ ଲୁଚାଇ ରଖିଲେ; ତହୁଁ ସେମାନେ ପୁନର୍ବାର ଆସି ଆଉ ଏକ ତମ୍ବୁ ମଧ୍ୟରେ ପ୍ରବେଶ କଲେ ଓ ତହିଁରୁ ମଧ୍ୟ ଦ୍ରବ୍ୟାଦି ନେଇ ଯାଇ ଲୁଚାଇ ରଖିଲେ।
\p
\s5
\v 9 ତେବେ ସେମାନେ ପରସ୍ପର କହିଲେ, “ଆମ୍ଭେମାନେ ଭଲ କରୁନାହୁଁ; ଆଜି ସୁସମ୍ବାଦର ଦିନ, ମାତ୍ର ଆମ୍ଭେମାନେ ତୁନି ହୋଇ ରହୁଅଛୁ; ଯେବେ ଆମ୍ଭେମାନେ ପ୍ରଭାତ ଆଲୁଅ ପର୍ଯ୍ୟନ୍ତ ବିଳମ୍ବ କରୁ, ତେବେ ଆମ୍ଭମାନଙ୍କୁ ଦଣ୍ଡ ଘଟିବ; ଏହେତୁ ଏବେ ଆସ, ଆମ୍ଭେମାନେ ଯାଇ ରାଜଗୃହରେ ସମ୍ବାଦ ଦେଉ।”
\v 10 ତହୁଁ ସେମାନେ ଆସି ନଗରର ଦ୍ୱାରୀକୁ ଡାକିଲେ; ଆଉ ସେମାନଙ୍କୁ ଜଣାଇ କହିଲେ, “ଆମ୍ଭେମାନେ ଅରାମୀୟମାନଙ୍କ ଛାଉଣିକୁ ଯାଇଥିଲୁ, ଆଉ ଦେଖ, ସେଠାରେ କୌଣସି ମନୁଷ୍ୟ ନାହିଁ; କି ମନୁଷ୍ୟର ଶବ୍ଦ ନାହିଁ, ମାତ୍ର ଅଶ୍ୱ ଓ ଗର୍ଦ୍ଦଭଗଣ ବନ୍ଧା ହୋଇଅଛନ୍ତି, ଆଉ ତମ୍ବୁସବୁ ଯେପରି ଥିଲା, ସେପରି ଅଛି।”
\v 11 ତହୁଁ ସେ ଦ୍ୱାରୀମାନଙ୍କୁ ଡାକନ୍ତେ, ସେମାନେ ରାଜଗୃହ ଭିତରେ ସମ୍ବାଦ ଦେଲେ।
\s5
\v 12 ତହିଁରେ ରାଜା ରାତ୍ରିରେ ଉଠି ଆପଣା ଦାସମାନଙ୍କୁ କହିଲେ, “ଅରାମୀୟମାନେ ଆମ୍ଭମାନଙ୍କ ପ୍ରତି ଯାହା କରିଅଛନ୍ତି, ତାହା ମୁଁ ଏବେ ତୁମ୍ଭମାନଙ୍କ ପ୍ରତି ପ୍ରକାଶ କରିବି। ସେମାନେ ଜାଣନ୍ତି ଯେ, ଆମ୍ଭେମାନେ କ୍ଷୁଧାର୍ତ୍ତ ଅଛୁ; ଏହେତୁ ସେମାନେ ଛାଉଣିରୁ ବାହାରି ଯାଇ ଆପଣାମାନଙ୍କୁ କ୍ଷେତ୍ରରେ ଲୁଚାଇ କହୁଛନ୍ତି, ସେମାନେ ନଗରରୁ ବାହାରିଲେ, ଆମ୍ଭେମାନେ ସେମାନଙ୍କୁ ଜୀଅନ୍ତା ଧରି ନଗରରେ ପ୍ରବେଶ କରିବା।”
\v 13 ତହିଁରେ ତାହାର ଦାସମାନଙ୍କ ମଧ୍ୟରୁ ଜଣେ ଉତ୍ତର କରି କହିଲା, “ମୁଁ ବିନୟ କରୁଅଛି, ଆମ୍ଭେମାନେ କେତେକ ଲୋକ ପଠାଇ ଦେଖୁ, ସେମାନେ ନଗରରେ ଅବଶିଷ୍ଟ ଅଶ୍ୱମାନଙ୍କ ମଧ୍ୟରୁ ପାଞ୍ଚୋଟି ନେଇ ଯାଉନ୍ତୁ, ଦେଖନ୍ତୁ, ସେମାନେ ନଗରରେ ଅବଶିଷ୍ଟ ଇସ୍ରାଏଲର ସମସ୍ତ ଜନତା ସମାନ; ଦେଖନ୍ତୁ, ସେମାନେ ଇସ୍ରାଏଲର ସମସ୍ତ ନଷ୍ଟକଳ୍ପ ଜନତା ସମାନ।”
\s5
\v 14 ଏହେତୁ ସେହି ଲୋକମାନେ ଅଶ୍ୱ ସହିତ ଦୁଇ ରଥ ନେଲେ ଓ ରାଜା ସେମାନଙ୍କୁ ଅରାମୀୟ ସୈନ୍ୟ ପଛେ ପଠାଇ କହିଲେ, “ଯାଇ ଦେଖ।”
\v 15 ତହୁଁ ସେମାନେ ଯର୍ଦ୍ଦନ ପର୍ଯ୍ୟନ୍ତ ସେମାନଙ୍କ ପଛେ ପଛେ ଗଲେ; ଆଉ ଦେଖ, ଅରାମୀୟମାନେ ତରତର ହୋଇ ଯାହା ପକାଇ ଦେଇ ଯାଇଥିଲେ, ଏପରି ବସ୍ତ୍ର ଓ ପାତ୍ରାଦିରେ ସମସ୍ତ ପଥ ପୂର୍ଣ୍ଣ ଥିଲା। ତେବେ ସେ ଦୂତମାନେ ଫେରି ଆସି ରାଜାଙ୍କୁ ସମ୍ବାଦ ଦେଲେ।
\p
\s5
\v 16 ତହିଁରେ ଲୋକମାନେ ବାହାରକୁ ଯାଇ ଅରାମୀୟମାନଙ୍କ ଛାଉଣି ଲୁଟ କଲେ। ତେଣୁ ସଦାପ୍ରଭୁଙ୍କ ବାକ୍ୟାନୁସାରେ ଏକ ପସୁରୀ ସରୁ ମଇଦା ଏକ ଶେକଲରେ
\f +
\fr 7:16
\ft ୧୧ ଗ୍ରାମ୍ ରୂପା
\f* ଓ ଦୁଇ ପସୁରୀ ଯବ ଏକ ଶେକଲରେ ବିକ୍ରୟ କରାଗଲା।
\v 17 ସେତେବେଳେ ରାଜା ଯେଉଁ ସେନାପତି ହସ୍ତରେ ନିର୍ଭର କରିଥିଲେ, ତାହାକୁ ନଗର ଦ୍ୱାର ରକ୍ଷା କରିବା ପାଇଁ ନିଯୁକ୍ତ କଲେ; ଏଥିରେ ଲୋକମାନେ ନଗର ଦ୍ୱାରରେ ତାହାକୁ ଦଳି ପକାଇଲେ, ତହିଁରେ ରାଜା ପରମେଶ୍ୱରଙ୍କ ଲୋକଙ୍କ ନିକଟକୁ ଯିବା ବେଳେ ପରମେଶ୍ୱରଙ୍କ ଲୋକ ତାଙ୍କୁ ଯେପରି କହିଥିଲେ, ତଦନୁସାରେ ସେ ମଲା।
\s5
\v 18 ପରମେଶ୍ୱରଙ୍କ ଲୋକ ରାଜାଙ୍କୁ ଏହି କଥା କହିଥିଲେ, “କାଲି ପ୍ରାୟ ଏହି ସମୟକୁ ଶମରୀୟାର ନଗର ଦ୍ୱାରରେ ଦୁଇ ପସୁରୀ ଯବ ଏକ ଶେକଲ
\f +
\fr 7:18
\ft ୧୧ ଗ୍ରାମ୍ ରୂପା
\f* ଓ ଏକ ପସୁରୀ ସରୁ ମଇଦା ଏକ ଶେକଲ ହେବ।”
\v 19 ଆଉ ସେହି ସେନାପତି ପରମେଶ୍ୱରଙ୍କ ଲୋକଙ୍କୁ ଉତ୍ତର କରି କହିଥିଲା, “ଦେଖ, ଯେବେ ସଦାପ୍ରଭୁ ଆକାଶରେ ଦ୍ୱାର କରନ୍ତି, ତେବେ ହେଁ କ’ଣ ଏପରି କଥା ହୋଇ ପାରିବ।” ତହିଁରେ ଇଲୀଶାୟ କହିଥିଲେ, “ଦେଖ, ତୁମ୍ଭେ ସ୍ୱଚକ୍ଷୁରେ ତାହା ଦେଖିବ, ମାତ୍ର ତହିଁରୁ ଭୋଜନ କରିବ ନାହିଁ।”
\v 20 ସେହିପରି ତାହା ପ୍ରତି ଘଟିଲା; କାରଣ ଲୋକମାନେ ନଗର ଦ୍ୱାରରେ ତାହାକୁ ଦଳି ପକାନ୍ତେ, ସେ ମଲା।
\s5
\c 8
\s ଶୁନେମୀୟା ସ୍ତ୍ରୀର ଇସ୍ରାଏଲକୁ ପ୍ରତ୍ୟାବର୍ତ୍ତନ
\p
\v 1 ଇଲୀଶାୟ ଯେଉଁ ସ୍ତ୍ରୀର ମୃତ ପୁତ୍ରକୁ ପୁନର୍ଜୀବିତ କରିଥିଲେ, ସେହି ସ୍ତ୍ରୀକୁ କହିଥିଲେ, “ଉଠ, ତୁମ୍ଭେ ଓ ତୁମ୍ଭ ପରିବାର ଯାଇ ଯେଉଁଠାରେ ପ୍ରବାସ କରିପାର, ସେଠାରେ ପ୍ରବାସ କର; କାରଣ ସଦାପ୍ରଭୁ ଦୁର୍ଭିକ୍ଷ ଆଜ୍ଞା କରିଅଛନ୍ତି; ଆଉ ତାହା ମଧ୍ୟ ସାତ ବର୍ଷ ପର୍ଯ୍ୟନ୍ତ ଦେଶରେ ରହିବ।”
\v 2 ତହିଁରେ ସେ ସ୍ତ୍ରୀ ଉଠି ପରମେଶ୍ୱରଙ୍କ ଲୋକଙ୍କର ବାକ୍ୟ ପ୍ରମାଣେ କର୍ମ କଲା; ଅର୍ଥାତ୍‍, ସେ ଆପଣା ପରିବାର ସହିତ ଯାଇ ପଲେଷ୍ଟୀୟମାନଙ୍କ ଦେଶରେ ସାତ ବର୍ଷ ପ୍ରବାସ କଲା।
\s5
\v 3 ପୁଣି ସାତ ବର୍ଷ ଶେଷରେ ସେ ସ୍ତ୍ରୀ ପଲେଷ୍ଟୀୟମାନଙ୍କ ଦେଶରୁ ଫେରି ଆସିଲା; ଆଉ ସେ ଆପଣା ଗୃହ ଓ ଆପଣା ଭୂମି ନିମନ୍ତେ ଗୁହାରି କରିବାକୁ ରାଜାଙ୍କ ନିକଟକୁ ଗଲା।
\v 4 ସେହି ସମୟରେ ରାଜା ପରମେଶ୍ୱରଙ୍କ ଲୋକଙ୍କର ଦାସ ଗିହେଜୀ ସଙ୍ଗେ କଥାବାର୍ତ୍ତା କରୁ କରୁ କହିଲେ, “ମୁଁ ବିନୟ କରୁଅଛି, ଇଲୀଶାୟ ଯେ ଯେ ମହତ୍ କର୍ମ କରିଅଛନ୍ତି, ତାହାସବୁ ମୋତେ ଜଣାଅ।”
\s5
\v 5 ତହିଁରେ ଇଲୀଶାୟ କିପରି ମୃତ ଲୋକକୁ ପୁନର୍ଜୀବିତ କରିଥିଲେ, ଏହା ଗିହେଜୀ ରାଜାଙ୍କୁ କହିବା ବେଳେ, ଦେଖ, ଯେଉଁ ସ୍ତ୍ରୀର ପୁତ୍ରକୁ ସେ ପୁନର୍ଜୀବିତ କରିଥିଲେ, ସେ ସ୍ତ୍ରୀ ରାଜାଙ୍କ ନିକଟରେ ଆପଣା ଗୃହ ଓ ଆପଣା ଭୂମି ନିମନ୍ତେ ଗୁହାରି କରୁଅଛି। ଏଥିରେ ଗିହେଜୀ କହିଲା, “ହେ ମୋର ପ୍ରଭୁ, ମହାରାଜ, ଏ ସେହି ସ୍ତ୍ରୀ ଓ ତାହାର ପୁତ୍ର, ଯାହାକୁ ଇଲୀଶାୟ ପୁନର୍ଜୀବିତ କରିଥିଲେ।”
\v 6 ତହୁଁ ରାଜା ସେହି ସ୍ତ୍ରୀକୁ ପଚାରନ୍ତେ, ସେ ତାଙ୍କୁ ଜଣାଇଲା। ତହିଁରେ ରାଜା ତାହା ନିମନ୍ତେ ଏକ କର୍ମଚାରୀକୁ ନିଯୁକ୍ତ କରି କହିଲେ, “ଏହାର ଯେଉଁ ସର୍ବସ୍ୱ ଥିଲା ଓ ଏ ଯେଉଁ ଦିନ ଦେଶ ଛାଡ଼ିଲା, ସେହି ଦିନଠାରୁ ଆଜି ପର୍ଯ୍ୟନ୍ତ ଏହାର କ୍ଷେତ୍ରୋତ୍ପନ୍ନ ସମସ୍ତ ଫଳ ଏହାକୁ ଫେରାଇଦିଅ।”
\s ଇଲୀଶାୟ ଓ ଅରାମର ରାଜା ବିନ୍‍ହଦଦ୍‍
\p
\s5
\v 7 ଏକ ସମୟରେ ଇଲୀଶାୟ ଦମ୍ମେଶକରେ ଉପସ୍ଥିତ ହେଲେ; ସେତେବେଳେ ଅରାମର ରାଜା ବିନ୍‍ହଦଦ୍‍ ପୀଡ଼ିତ ଥିଲା; ପୁଣି ପରମେଶ୍ୱରଙ୍କ ଲୋକ ଏ ସ୍ଥାନକୁ ଆସିଅଛନ୍ତି ବୋଲି ତାହାକୁ ସମ୍ବାଦ ଦିଆଗଲା।
\v 8 ତହିଁରେ ରାଜା ହସାୟେଲକୁ କହିଲା, “ଆପଣା ହସ୍ତରେ ଉପହାର ନେଇ ପରମେଶ୍ୱରଙ୍କ ଲୋକଙ୍କୁ ସାକ୍ଷାତ କରିବାକୁ ଯାଅ, ‘ଆଉ ମୁଁ ଏହି ପୀଡ଼ାରୁ ମୁକ୍ତ ହେବି କି ନାହିଁ ? ଏହି କଥା ତାଙ୍କ ଦ୍ୱାରା ସଦାପ୍ରଭୁଙ୍କୁ ପଚାର।”
\v 9 ଏଥିରେ ହସାୟେଲ ତାଙ୍କୁ ସାକ୍ଷାତ କରିବାକୁ ଗଲା ଓ ଦମ୍ମେଶକର ସକଳ ଉତ୍ତମ ବସ୍ତୁର ଚାଳିଶ ଓଟର ବୋଝ ଉପହାର ସଙ୍ଗେ ନେଇ ଆସି ତାଙ୍କ ସମ୍ମୁଖରେ ଉଭା ହୋଇ କହିଲା, “ଆପଣଙ୍କ ପୁତ୍ର ଅରାମର ରାଜା ବିନ୍‍ହଦଦ୍‍ ଆପଣଙ୍କ ନିକଟକୁ ମୋତେ ପଠାଇ ପଚାରୁଅଛନ୍ତି, ‘ମୁଁ କ’ଣ ଏହି ପୀଡ଼ାରୁ ମୁକ୍ତ ହେବି ?’”
\s5
\v 10 ତହିଁରେ ଇଲୀଶାୟ ତାହାକୁ କହିଲେ, “ତୁମ୍ଭେ ଯାଇ ତାହାଙ୍କୁ କୁହ, ‘ତୁମ୍ଭେ ଅବଶ୍ୟ ମୁକ୍ତ ହେବ, ତଥାପି ସଦାପ୍ରଭୁ ମୋତେ ଜଣାଇ ଅଛନ୍ତି ଯେ, ସେ ଅବଶ୍ୟ ମରିବ।”
\v 11 ସେତେବେଳେ ଇଲୀଶାୟ ତାହା ପ୍ରତି ଏପରି ସ୍ଥିରଦୃଷ୍ଟି କଲେ ଯେ, ସେ ଲଜ୍ଜିତ ହେଲା; ପୁଣି ପରମେଶ୍ୱରଙ୍କ ଲୋକ ରୋଦନ କଲେ।
\v 12 ତହିଁରେ ହସାୟେଲ ପଚାରିଲା, “ମୋ’ ପ୍ରଭୁ କାହିଁକି ରୋଦନ କରୁଅଛନ୍ତି ?” ଇଲୀଶାୟ ଉତ୍ତର କଲେ, “କାରଣ ଏହି, ତୁମ୍ଭେ ଇସ୍ରାଏଲ ସନ୍ତାନଗଣ ପ୍ରତି ଯେଉଁ ଅନିଷ୍ଟ କରିବ, ତାହା ମୁଁ ଜାଣେ; ତୁମ୍ଭେ ସେମାନଙ୍କ ଦୃଢ଼ ଗଡ଼ସବୁରେ ଅଗ୍ନି ଲଗାଇବ ଓ ତୁମ୍ଭେ ସେମାନଙ୍କ ଯୁବାମାନଙ୍କୁ ଖଡ୍ଗରେ ବଧ କରିବ ଓ ସେମାନଙ୍କ ଶିଶୁଗଣକୁ ଭୂମିରେ କଚାଡ଼ି ଚୂର୍ଣ୍ଣ କରିବ ଓ ସେମାନଙ୍କ ଗର୍ଭବତୀ ସ୍ତ୍ରୀମାନଙ୍କ ଉଦର ବିଦୀର୍ଣ୍ଣ କରିବ।”
\s5
\v 13 ଏଥିରେ ହସାୟେଲ କହିଲା, “ମାତ୍ର ଆପଣଙ୍କ ଦାସ, ଯେ ଗୋଟିଏ କୁକ୍କୁର ମାତ୍ର, ସେ କିଏ ଯେ, ଏହି ବଡ଼ କର୍ମ କରିବ ?” ତହୁଁ ଇଲୀଶାୟ ଉତ୍ତର କଲେ, “ସଦାପ୍ରଭୁ ମୋତେ ଜଣାଇ ଅଛନ୍ତି ଯେ, ତୁମ୍ଭେ ଅରାମର ରାଜା ହେବ।”
\p
\v 14 ଏଥିଉତ୍ତାରେ ହସାୟେଲ ଇଲୀଶାୟଙ୍କ ନିକଟରୁ ପ୍ରସ୍ଥାନ କରି ଆପଣା ପ୍ରଭୁ ନିକଟରେ ଉପସ୍ଥିତ ହୁଅନ୍ତେ, ସେ ତାହାକୁ ପଚାରିଲା, “ଇଲୀଶାୟ ତୁମ୍ଭକୁ କଅଣ କହିଲେ ?” ତହୁଁ ହସାୟେଲ ଉତ୍ତର କଲା, “ସେ ମୋତେ ଜଣାଇଲେ ଯେ, ଆପଣ ନିଶ୍ଚୟ ମୁକ୍ତ ହେବେ।”
\v 15 ମାତ୍ର ପରଦିନ ହସାୟେଲ ଶଯ୍ୟାଚ୍ଛାଦନ ନେଇ ଜଳରେ ବୁଡ଼ାଇ ରାଜାର ମୁଖ ଉପରେ ବିଛାଇ ଦିଅନ୍ତେ, ସେ ମଲା; ପୁଣି ହସାୟେଲ ତାହାର ପଦରେ ରାଜ୍ୟ କଲା।
\s ଯିହୁଦାର ରାଜା ଯିହୋରାମ୍‍
\p
\s5
\v 16 ଆହାବଙ୍କର ପୁତ୍ର ଇସ୍ରାଏଲର ରାଜା ଯୋରାମ୍‍ଙ୍କ ରାଜତ୍ଵର ପଞ୍ଚମ ବର୍ଷରେ ଯିହୁଦାର ରାଜା ଯିହୋଶାଫଟ୍‍ଙ୍କର ପୁତ୍ର ଯିହୋରାମ୍‍ ରାଜତ୍ଵ କରିବାକୁ ଆରମ୍ଭ କଲେ, ସେହି ସମୟରେ ଯିହୋଶାଫଟ୍‍ ଯିହୁଦାର ରାଜା ଥିଲେ।
\v 17 ସେ ରାଜତ୍ଵ କରିବାକୁ ଆରମ୍ଭ କରିବା ସମୟରେ ବତିଶ ବର୍ଷ ବୟସ୍କ ହୋଇଥିଲେ ଓ ସେ ଯିରୂଶାଲମରେ ଆଠ ବର୍ଷ ରାଜ୍ୟ କଲେ।
\s5
\v 18 ପୁଣି ସେ ଆହାବଙ୍କର ବଂଶାନୁସାରେ ଇସ୍ରାଏଲ ରାଜାମାନଙ୍କ ପଥରେ ଚାଲିଲେ; କାରଣ ସେ ଆହାବଙ୍କର କନ୍ୟାକୁ ବିବାହ କରିଥିଲେ ଓ ସେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ।
\v 19 ତଥାପି ସଦାପ୍ରଭୁ ଦାଉଦଙ୍କୁ ତାଙ୍କର ସନ୍ତାନମାନଙ୍କ ନିମନ୍ତେ ନିତ୍ୟ ଏକ ପ୍ରଦୀପ ଦେବାକୁ ଯେଉଁ ପ୍ରତିଜ୍ଞା କରିଥିଲେ, ତଦନୁସାରେ ସେ ଆପଣା ଦାସ ଦାଉଦଙ୍କ ସକାଶୁ ଯିହୁଦାକୁ ବିନାଶ କରିବା ପାଇଁ ଅସମ୍ମତ ହେଲେ।
\s5
\v 20 ତାଙ୍କ ସମୟରେ ଇଦୋମୀୟ ଲୋକମାନେ ଯିହୁଦାର ଅଧୀନତାର ବିଦ୍ରୋହୀ ହୋଇ ଆପଣାମାନଙ୍କ ଉପରେ ଏକ ରାଜା କଲେ।
\v 21 ତହିଁରେ ଯୋରାମ୍‍ ଓ ତାଙ୍କ ସଙ୍ଗେ ସମସ୍ତ ରଥ ସାୟୀରକୁ ଯାତ୍ରା କଲେ; ପୁଣି ସେ ରାତ୍ରି କାଳରେ ଉଠି ଆପଣା ଚତୁର୍ଦ୍ଦିଗ ବେଷ୍ଟିତ ଇଦୋମୀୟମାନଙ୍କୁ ଓ ରଥଅଧ୍ୟକ୍ଷମାନଙ୍କୁ ସଂହାର କଲେ; ଏଥିରେ ଲୋକମାନେ ଆପଣା ଆପଣା ତମ୍ବୁକୁ ପଳାଇଲେ।
\s5
\v 22 ଏହିରୂପେ ଇଦୋମ ଆଜି ପର୍ଯ୍ୟନ୍ତ ଯିହୁଦାର ଅଧୀନତାର ବିଦ୍ରୋହୀ ହେଲା। ସେହି ସମୟରେ ଲିବ୍‍ନା ନଗର ମଧ୍ୟ ବିଦ୍ରୋହୀ ହେଲା।
\v 23 ଏହି ଯୋରାମ୍‍ଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ତାଙ୍କର ସମସ୍ତ କ୍ରିୟା କି ଯିହୁଦା ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ ?
\v 24 ଏଥିଉତ୍ତାରେ ଯୋରାମ୍‍ ମୃତ୍ୟୁବରଣ କଲେ ଓ ଦାଉଦ ନଗରରେ ଆପଣା ପିତୃଗଣ ସହିତ କବର ପାଇଲେ ଓ ତାଙ୍କର ପୁତ୍ର ଅହସୀୟ ତାଙ୍କ ପଦରେ ରାଜ୍ୟ କଲେ।
\s ଯିହୁଦାର ରାଜା ଅହସୀୟ
\p
\s5
\v 25 ଇସ୍ରାଏଲ ରାଜା ଆହାବଙ୍କର ପୁତ୍ର ଯୋରାମ୍‍ଙ୍କ ରାଜତ୍ଵର ଦ୍ୱାଦଶ ବର୍ଷରେ ଯିହୁଦା ରାଜା ଯିହୋରାମ୍‍ଙ୍କର ପୁତ୍ର ଅହସୀୟ ରାଜତ୍ଵ କରିବାକୁ ଆରମ୍ଭ କଲେ।
\v 26 ଅହସୀୟ ରାଜ୍ୟ କରିବାକୁ ଆରମ୍ଭ କରିବା ବେଳେ ବାଇଶ ବର୍ଷ ବୟସ୍କ ହୋଇଥିଲେ ଓ ସେ ଯିରୂଶାଲମରେ ଏକ ବର୍ଷ ରାଜ୍ୟ କଲେ। ତାଙ୍କର ମାତାଙ୍କ ନାମ ଅଥଲୀୟା, ସେ ଇସ୍ରାଏଲର ରାଜା ଅମ୍ରିଙ୍କର କନ୍ୟା ଥିଲେ।
\v 27 ପୁଣି ଅହସୀୟ ଆହାବ ବଂଶର ପଥରେ ଚାଲି ଆହାବ ବଂଶର କର୍ମାନୁସାରେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ; କାରଣ ସେ ଆହାବ ବଂଶର ଜାମାତା ଥିଲେ।
\s5
\v 28 ଏଥିଉତ୍ତାରେ ସେ ଆହାବଙ୍କର ପୁତ୍ର ଯୋରାମ୍‍ଙ୍କ ସଙ୍ଗେ ମିଶି ଅରାମର ରାଜା ହସାୟେଲ ବିରୁଦ୍ଧରେ ରାମୋତ୍‍-ଗିଲୀୟଦରେ ଯୁଦ୍ଧ କରିବାକୁ ଗଲେ; ତହିଁରେ ଅରାମୀୟ ଲୋକମାନେ ଯୋରାମ୍‍ଙ୍କୁ କ୍ଷତବିକ୍ଷତ କଲେ।
\v 29 ଏହେତୁ ଯୋରାମ୍‍ ରାଜା ଅରାମର ରାଜା ହସାୟେଲ ବିରୁଦ୍ଧରେ ଯୁଦ୍ଧ କରିବା ବେଳେ ଅରାମୀୟ ଲୋକମାନେ ରାମାରେ ତାଙ୍କୁ ଯେଉଁ କ୍ଷତବିକ୍ଷତ କରିଥିଲେ, ତହିଁରୁ ସେ ସୁସ୍ଥ ହେବା ନିମନ୍ତେ ଯିଷ୍ରିୟେଲକୁ ଫେରିଗଲେ। ଆହାବଙ୍କର ପୁତ୍ର ଯୋରାମ୍‍ ପୀଡ଼ିତ ହେବା ସକାଶୁ ଯିହୁଦାର ରାଜା ଯିହୋରାମ୍‍ଙ୍କର ପୁତ୍ର ଅହସୀୟ ତାଙ୍କୁ ଦେଖିବା ପାଇଁ ଯିଷ୍ରିୟେଲକୁ ଗଲେ।
\s5
\c 9
\s ଯେହୂ ଇସ୍ରାଏଲର ରାଜା ରୂପେ ଅଭିଷିକ୍ତ
\p
\v 1 ଏଥିଉତ୍ତାରେ ଇଲୀଶାୟ ଭବିଷ୍ୟଦ୍‍ବକ୍ତା ଭବିଷ୍ୟଦ୍‍ବକ୍ତାଗଣଙ୍କ ଦଳ ମଧ୍ୟରୁ ଜଣକୁ ଡାକି କହିଲେ, “ତୁମ୍ଭ କଟି ବାନ୍ଧ ଓ ଏହି ତୈଳ ଶିଶି ହସ୍ତରେ ନେଇ ରାମୋତ୍‍-ଗିଲୀୟଦକୁ ଯାଅ।
\v 2 ପୁଣି ତୁମ୍ଭେ ସେଠାରେ ଉପସ୍ଥିତ ହେଲେ, ନିମ୍‍ଶିଙ୍କର ପୌତ୍ର ଯିହୋଶାଫଟ୍‍ଙ୍କର ପୁତ୍ର ଯେହୂଙ୍କର ଅନ୍ୱେଷଣ କର ଓ ଭିତରକୁ ଯାଇ ତାଙ୍କର ଭ୍ରାତୃଗଣ ମଧ୍ୟରୁ ତାଙ୍କୁ ଉଠାଇ ଏକ ଭିତର କୋଠରିକୁ ନେଇଯାଅ।
\v 3 ପୁଣି ତୈଳ ଶିଶି ନେଇ ତାଙ୍କ ମସ୍ତକରେ ଢାଳି କୁହ, ‘ସଦାପ୍ରଭୁ ଏହି କଥା କହନ୍ତି, ‘ଆମ୍ଭେ ତୁମ୍ଭକୁ ଇସ୍ରାଏଲ ଉପରେ ରାଜାଭିଷିକ୍ତ କରିଅଛୁ।’ ତହୁଁ ତୁମ୍ଭେ ଦ୍ୱାର ଫିଟାଇ ପଳାଇ ଯାଅ ଓ ବିଳମ୍ବ ନ କର।”
\p
\s5
\v 4 ତହିଁରେ ସେ ଯୁବା, ଅର୍ଥାତ୍‍, ସେହି ଯୁବା ଭବିଷ୍ୟଦ୍‍ବକ୍ତା ରାମୋତ୍‍-ଗିଲୀୟଦକୁ ଗଲେ।
\v 5 ଆଉ ସେ ଉପସ୍ଥିତ ହେବା ବେଳେ ଦେଖ, ସେନାପତିମାନେ ବସିଅଛନ୍ତି; ତହିଁରେ ସେ କହିଲେ, “ହେ ସେନାପତି, ତୁମ୍ଭଠାରେ ମୋହର ଏକ କାର୍ଯ୍ୟ ଅଛି।” ତହୁଁ ଯେହୂ କହିଲେ, “ଆମ୍ଭ ସମସ୍ତଙ୍କ ମଧ୍ୟରୁ କାହାଠାରେ ?” ତହିଁରେ ସେ କହିଲେ, “ହେ ସେନାପତି, ତୁମ୍ଭଠାରେ।”
\v 6 ଏଥିରେ ସେ ଉଠି ଗୃହ ଭିତରକୁ ଗଲେ; ତହୁଁ ଭବିଷ୍ୟଦ୍‍ବକ୍ତା ତାଙ୍କର ମସ୍ତକରେ ତୈଳ ଢାଳି ତାଙ୍କୁ କହିଲେ, “ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ‘ଆମ୍ଭେ ତୁମ୍ଭକୁ ସଦାପ୍ରଭୁଙ୍କ ଲୋକ, ଅର୍ଥାତ୍‍, ଇସ୍ରାଏଲ ଉପରେ ରାଜାଭିଷିକ୍ତ କଲୁ।
\s5
\v 7 ପୁଣି ଆମ୍ଭେ ଯେପରି ଈଷେବଲ୍‍ ହସ୍ତରୁ ଆମ୍ଭ ଦାସ ଭବିଷ୍ୟଦ୍‍ବକ୍ତାଗଣଙ୍କ ରକ୍ତର ଓ ସଦାପ୍ରଭୁଙ୍କ ଦାସସମୂହର ରକ୍ତର ପରିଶୋଧ ନେବୁ, ଏଥିପାଇଁ ତୁମ୍ଭେ ଆପଣା ପ୍ରଭୁ ଆହାବର ବଂଶକୁ ଆଘାତ କରିବ।
\v 8 କାରଣ ଆହାବର ସମୁଦାୟ ବଂଶ ବିନଷ୍ଟ ହେବେ ଓ ଆମ୍ଭେ ଇସ୍ରାଏଲ ମଧ୍ୟରେ ଆହାବ ସମ୍ପର୍କୀୟ ପ୍ରତ୍ୟେକ ପୁଂସନ୍ତାନକୁ ଓ ବଦ୍ଧ କି ମୁକ୍ତ ଲୋକକୁ ଉଚ୍ଛିନ୍ନ କରିବା।
\s5
\v 9 ଆଉ ଆମ୍ଭେ ଆହାବ ବଂଶକୁ ନବାଟର ପୁତ୍ର ଯାରବୀୟାମର ବଂଶ ତୁଲ୍ୟ ଓ ଅହୀୟର ପୁତ୍ର ବାଶାର ବଂଶ ତୁଲ୍ୟ କରିବା।
\v 10 ପୁଣି କୁକ୍କୁରମାନେ ଈଷେବଲ୍‍କୁ ଯିଷ୍ରିୟେଲ ଭୂମିରେ ଖାଇବେ ଓ ତାହାକୁ କବର ଦେବା ପାଇଁ କେହି ନ ଥିବ।’” ତହୁଁ ଭବିଷ୍ୟଦ୍‍ବକ୍ତା ଦ୍ୱାର ଫିଟାଇ ପଳାଇଗଲେ।
\p
\s5
\v 11 ତହିଁରେ ଯେହୂ ବାହାର ହୋଇ ଆପଣା ପ୍ରଭୁର ଦାସମାନଙ୍କ ନିକଟକୁ ଆସନ୍ତେ, ଜଣେ ତାଙ୍କୁ ପଚାରିଲା, “ସବୁ ମଙ୍ଗଳ ତ ? ସେ ବାତୁଳଟି କାହିଁକି ତୁମ୍ଭ ନିକଟକୁ ଆସିଥିଲା ?” ତହିଁରେ ଯେହୂ ସେମାନଙ୍କୁ କହିଲେ, “ସେ ଲୋକକୁ ଓ ତାହାର କଥା କଅଣ, ତୁମ୍ଭେମାନେ ତ ଜାଣ।”
\v 12 ଏଥିରେ ସେମାନେ କହିଲେ, “ଏ ମିଛ; ଏବେ ଆମ୍ଭମାନଙ୍କୁ କୁହ।” ତହୁଁ ଯେହୂ କହିଲେ, “ସେ ମୋତେ ଏପରି ଏପରି କହିଲା, ସଦାପ୍ରଭୁ ଏହି କଥା କହନ୍ତି, ‘ଆମ୍ଭେ ତୁମ୍ଭକୁ ଇସ୍ରାଏଲ ଉପରେ ରାଜାଭିଷିକ୍ତ କଲୁ।’”
\v 13 ତହୁଁ ସେମାନେ ପ୍ରତ୍ୟେକେ ଶୀଘ୍ର ଆପଣା ଆପଣା ବସ୍ତ୍ର ନେଇ ସୋପାନ ଉପରେ ଯେହୂଙ୍କର ତଳେ ରଖିଲେ ଓ ତୂରୀ ବଜାଇ କହିଲେ, “ଯେହୂ ରାଜା ହେଲେ।”
\s ଯୋରାମ୍‍ ଓ ଅହସୀୟଙ୍କ ହତ୍ୟା
\p
\s5
\v 14 ଏଥିରେ ନିମ୍‍ଶିଙ୍କର ପୌତ୍ର ଯିହୋଶାଫଟ୍‍ଙ୍କର ପୁତ୍ର ଯେହୂ ଯୋରାମ୍‍ଙ୍କ ବିରୁଦ୍ଧରେ ଚକ୍ରାନ୍ତ କଲେ। (ସେସମୟରେ ଯୋରାମ୍‍ ଓ ସମସ୍ତ ଇସ୍ରାଏଲ ଅରାମର ରାଜା ହସାୟେଲଠାରୁ ରାମୋତ୍‍-ଗିଲୀୟଦ ରକ୍ଷା କରୁଥିଲେ।
\v 15 ମାତ୍ର ଯୋରାମ୍‍ ରାଜା ଅରାମର ରାଜା ହସାୟେଲ ସଙ୍ଗେ ଯୁଦ୍ଧ କରିବା ବେଳେ ଅରାମୀୟ ଲୋକମାନେ ତାଙ୍କୁ ଯେଉଁ କ୍ଷତବିକ୍ଷତ କରିଥିଲେ, ତହିଁରୁ ସେ ସୁସ୍ଥ ହେବା ନିମନ୍ତେ ଯିଷ୍ରିୟେଲକୁ ଫେରି ଯାଇଥିଲେ)। ପୁଣି ଯେହୂ କହିଲେ, “ଯେବେ ଏ ତୁମ୍ଭମାନଙ୍କ ମତ, ତେବେ ଯିଷ୍ରିୟେଲରେ ଏହା ଜଣାଇବା ପାଇଁ କାହାରିକୁ ନଗରର ବାହାରକୁ ପଳାଇ ଯିବାକୁ ନ ଦିଅ।”
\v 16 ତହିଁରେ ଯେହୂ ରଥରେ ଚଢ଼ି ଯିଷ୍ରିୟେଲକୁ ଗଲେ; କାରଣ ସେସ୍ଥାନରେ ଯୋରାମ୍‍ ଶଯ୍ୟାଗତ ହୋଇଥିଲେ। ପୁଣି ଯିହୁଦାର ରାଜା ଅହସୀୟ ଯୋରାମ୍‍ଙ୍କୁ ଦେଖିବାକୁ ଆସିଥିଲେ।
\p
\s5
\v 17 ସେତେବେଳେ ଯିଷ୍ରିୟେଲ ଦୁର୍ଗ ଉପରେ ପ୍ରହରୀ ଠିଆ ହୋଇଥିଲା, ପୁଣି ଯେହୂ ଆସୁ ଆସୁ ପ୍ରହରୀ ତାଙ୍କର ଲୋକଦଳକୁ ଦେଖି କରି କହିଲା, “ମୁଁ ଏକ ଦଳ ଲୋକ ଦେଖୁଅଛି।” ତହିଁରେ ଯୋରାମ୍‍ କହିଲେ, “ଜଣେ ଅଶ୍ୱାରୋହୀକୁ ନେଇ ସେମାନଙ୍କୁ ସାକ୍ଷାତ କରିବା ପାଇଁ ପଠାଅ ଓ ସେ ପଚାରୁ, ‘କୁଶଳ କି ?’”
\v 18 ତହିଁରେ ଜଣେ ଅଶ୍ୱ ଚଢ଼ି ତାଙ୍କୁ ସାକ୍ଷାତ କରିବାକୁ ଯାଇ କହିଲା, “ରାଜା ପଚାରୁଅଛନ୍ତି, ‘କୁଶଳ କି ?’” ତହିଁରେ ଯେହୂ କହିଲେ, “କୁଶଳରେ ତୁମ୍ଭର କଅଣ ଅଛି ? ତୁମ୍ଭେ ମୋ’ ପଛକୁ ଯାଅ।” ଏଥିରେ ପ୍ରହରୀ ଜଣାଇ କହିଲା, “ଦୂତ ସେମାନଙ୍କ ନିକଟକୁ ଗଲା, ମାତ୍ର ସେ ଫେରି ଆସୁ ନାହିଁ।”
\s5
\v 19 ତହୁଁ ଯୋରାମ୍‍ ଦ୍ୱିତୀୟ ଜଣକୁ ଅଶ୍ୱରେ ପଠାନ୍ତେ, ସେ ସେମାନଙ୍କ ନିକଟକୁ ଯାଇ କହିଲା, “ରାଜା ପଚାରୁଅଛନ୍ତି, କୁଶଳ କି ?” ପୁଣି ଯେହୂ ଉତ୍ତର କଲେ, “କୁଶଳରେ ତୁମ୍ଭର କଅଣ ଅଛି ? ତୁମ୍ଭେ ମୋ’ ପଛକୁ ଯାଅ।”
\v 20 ଏଥିରେ ପ୍ରହରୀ ଜଣାଇ କହିଲା, “ସେ ଜଣ ହିଁ ସେମାନଙ୍କ ନିକଟକୁ ଗଲା, ଆଉ ସେ ଫେରି ଆସୁ ନାହିଁ; ପୁଣି ରଥଚାଳନ ନିମ୍‍ଶିର ପୁତ୍ର ଯେହୂର ଚାଳନା ପରି; କାରଣ ସେ ଅତି ପ୍ରଚଣ୍ଡ ବେଗରେ ଚଳାଏ।”
\p
\s5
\v 21 ତେବେ ଯୋରାମ୍‍ କହିଲେ, “ରଥ ପ୍ରସ୍ତୁତ କର।” ତହିଁରେ ସେମାନେ ତାଙ୍କର ରଥ ପ୍ରସ୍ତୁତ କଲେ। ପୁଣି ଇସ୍ରାଏଲର ରାଜା ଯୋରାମ୍‍ ଓ ଯିହୁଦାର ରାଜା ଅହସୀୟ ଆପଣା ଆପଣା ରଥରେ ବାହାରିଲେ, ଆଉ ସେମାନେ ଯେହୂଙ୍କୁ ଭେଟିବାକୁ ଯାଇ ଯିଷ୍ରିୟେଲୀୟ ନାବୋତର ଭୂମିରେ ତାଙ୍କୁ ଦେଖିଲେ।
\p
\v 22 ପୁଣି ଯୋରାମ୍‍ ଯେହୂଙ୍କୁ ଦେଖନ୍ତେ, ତାଙ୍କୁ ପଚାରିଲେ, “ଯେହୂ କୁଶଳ କି ?” ତହିଁରେ; ସେ ଉତ୍ତର କଲେ, “ଯେପର୍ଯ୍ୟନ୍ତ ତୁମ୍ଭ ମାତା ଈଷେବଲ୍‍ର ଏତେ ବ୍ୟଭିଚାର ଓ ମାୟାବୀତ୍ୱ ଅଛି, ସେପର୍ଯ୍ୟନ୍ତ କି କୁଶଳ ?”
\s5
\v 23 ଏଥିରେ ଯୋରାମ୍‍ ଆପଣା ହସ୍ତ ଫେରାଇ ପଳାଇଲେ ଓ ଅହସୀୟଙ୍କୁ କହିଲେ, “ହେ ଅହସୀୟ, ବିଶ୍ୱାସଘାତକତା ହେଲା।”
\p
\v 24 ତହୁଁ ଯେହୂ ଆପଣାର ସମ୍ପୂର୍ଣ୍ଣ ବଳରେ ଧନୁ ଟାଣି ଯୋରାମ୍‍ଙ୍କର ଦୁଇ ବାହୁ ମଧ୍ୟକୁ ମାରନ୍ତେ, ତୀର ତାଙ୍କ ହୃଦୟ ଦେଇ ବାହାରି ଗଲା, ତହିଁରେ ସେ ଆପଣା ରଥରେ ନଇଁ ପଡ଼ିଲେ।
\s5
\v 25 ତେବେ ଯେହୂ ଆପଣା ସେନାପତି ବିଦ୍‍କରକୁ କହିଲେ, “ତାହାକୁ ଉଠାଇ ନେଇ ଯିଷ୍ରିୟେଲୀୟ ନାବୋତର କ୍ଷେତ୍ର ଭୂମିରେ ପକାଇଦିଅ; କାରଣ ମୁଁ ଓ ତୁମ୍ଭେ ଆରୋହଣ କରି ଏକତ୍ର ତାହାର ପିତା ଆହାବର ପଶ୍ଚାତ୍‍ଗମନ କରିବା ବେଳେ ସଦାପ୍ରଭୁ କିପ୍ରକାରେ ତାହା ଉପରେ ଏହି ଭାରୋକ୍ତି ଥୋଇ ଥିଲେ, ଏହା ସ୍ମରଣ କର:
\p
\v 26 ଯଥା, ସଦାପ୍ରଭୁ କହନ୍ତି, ‘ଆମ୍ଭେ ନିଶ୍ଚୟ ଗତ କାଲି ନାବୋତର ରକ୍ତ ଓ ତାହାର ପୁତ୍ରମାନଙ୍କ ରକ୍ତ ଦେଖିଲୁ; ପୁଣି ଆମ୍ଭେ ଏହି ଭୂମିରେ ତୁମ୍ଭକୁ ପ୍ରତିଫଳ ଦେବା, ଏହା ସଦାପ୍ରଭୁଙ୍କ ଉକ୍ତି।’ ଏହେତୁ ତୁମ୍ଭେ ସଦାପ୍ରଭୁଙ୍କ ଉକ୍ତି ଅନୁସାରେ ତାହାକୁ ନେଇ ସେହି କ୍ଷେତ୍ରଭୂମିରେ ପକାଇଦିଅ।”
\s5
\v 27 ମାତ୍ର ଯିହୁଦାର ରାଜା ଅହସୀୟ ଏହା ଦେଖି ଉଦ୍ୟାନ ଗୃହର ପଥ ଦେଇ ପଳାଇଲେ। ତହିଁରେ ଯେହୂ ତାଙ୍କର ପଛେ ପଛେ ଯାଇ କହିଲେ, “ତାହାକୁ ମଧ୍ୟ ରଥରେ ଆଘାତ କର।” ତହୁଁ ସେମାନେ ଯିବ୍ଲିୟିମ ନିକଟସ୍ଥ ଗୂର୍‍ ନାମକ ଉଠାଣି ନିକଟରେ ତାଙ୍କୁ ଆଘାତ କଲେ। ଆଉ ସେ ମଗିଦ୍ଦୋକୁ ପଳାଇ ସେଠାରେ ମଲେ।
\v 28 ତହୁଁ ତାଙ୍କର ଦାସମାନେ ତାଙ୍କୁ ରଥରେ ଯିରୂଶାଲମକୁ ନେଇଗଲେ ଓ ଦାଉଦ ନଗରରେ ତାଙ୍କର ପିତୃଲୋକଙ୍କ ସହିତ ତାଙ୍କର କବରରେ ତାଙ୍କୁ କବର ଦେଲେ।
\p
\s5
\v 29 ଆହାବଙ୍କର ପୁତ୍ର ଯୋରାମ୍‍ଙ୍କ ରାଜତ୍ଵର ଏକାଦଶ ବର୍ଷରେ ଅହସୀୟ ଯିହୁଦା ଉପରେ ରାଜତ୍ଵ କରିବାକୁ ଆରମ୍ଭ କରିଥିଲେ।
\s ରାଣୀ ଈଷେବଲ୍‍ଙ୍କୁ ହତ୍ୟା
\p
\s5
\v 30 ଏଉତ୍ତାରେ ଯେହୂ ଯିଷ୍ରିୟେଲରେ ଉପସ୍ଥିତ ହୁଅନ୍ତେ, ଈଷେବଲ୍‍ ତାହା ଶୁଣିଲା; ତହୁଁ ସେ ଆପଣା ଚକ୍ଷୁରେ ଅଞ୍ଜନ ଦେଇ ଓ ଆପଣା ମସ୍ତକ ଭୂଷିତ କରି ଝରକା ନିକଟରେ ବାହାରକୁ ଅନାଇଲା।
\v 31 ପୁଣି ଯେହୂ ଦ୍ୱାରରେ ପ୍ରବେଶ କରିବା ବେଳେ ଈଷେବଲ୍‍ କହିଲା, “ହେ ଆପଣା ପ୍ରଭୁର ହତ୍ୟାକାରୀ ସିମ୍ରି, କୁଶଳ କି ?”
\v 32 ଏଥିରେ ଯେହୂ ଝରକା ଆଡ଼େ ଆପଣା ମୁଖ ଉଠାଇ କହିଲେ, “କିଏ ମୋ’ ପକ୍ଷରେ ଅଛି ? କିଏ ?” ତହୁଁ ତାଙ୍କ ଆଡ଼କୁ ଦୁଇ ବା ତିନି ନପୁଂସକ ଅନାଇଲେ।
\s5
\v 33 ଏଥିରେ ଯେହୂ କହିଲେ, “ତାକୁ ତଳକୁ ପକାଇଦିଅ।” ତହୁଁ ସେମାନେ ଈଷେବଲ୍‍କୁ ତଳକୁ ପକାଇଦେଲେ; ପୁଣି ତାହାର କିଛି ରକ୍ତ ପ୍ରାଚୀର ଓ ଅଶ୍ୱମାନଙ୍କ ଉପରେ ଛିଟ୍‍କି ପଡ଼ିଲା ଓ ସେ ତାକୁ ପାଦ ତଳେ ଦଳିଲେ।
\v 34 ଏଥିଉତ୍ତାରେ ଯେହୂ ଭିତରକୁ ଯାଇ ଭୋଜନପାନ କଲେ; ଆଉ ସେ କହିଲେ, “ଏବେ ସେହି ଶାପଗ୍ରସ୍ତା ସ୍ତ୍ରୀର ବିଷୟ ବୁଝ ଓ ତାକୁ କବର ଦିଅ; କାରଣ ସେ ରାଜକନ୍ୟା।”
\s5
\v 35 ଏଥିରେ ସେମାନେ ତାକୁ କବର ଦେବାକୁ ଗଲେ; ମାତ୍ର ତାହା ମୁଣ୍ଡର ଖପୁରୀ ଓ ପାଦ ଓ ହାତ ପାପୁଲି ଛଡ଼ା ଆଉ କିଛି ପାଇଲେ ନାହିଁ
\v 36 ଏହେତୁ ସେମାନେ ଫେରି ଆସି ଯେହୂଙ୍କୁ ଜଣାଇଲେ। ତହିଁରେ ସେ କହିଲେ, “ଏ ତ ସଦାପ୍ରଭୁଙ୍କ ବାକ୍ୟ, ସେ ଆପଣା ଦାସ ତିଶ୍‍ବୀୟ ଏଲୀୟଙ୍କ ଦ୍ୱାରା ଏହା କହିଥିଲେ, ଯଥା, ‘ଯିଷ୍ରିୟେଲୀୟ ଭୂମିରେ କୁକ୍କୁରମାନେ ଈଷେବଲ୍‍ର ମାଂସ ଖାଇବେ;
\v 37 ଆଉ ଯିଷ୍ରିୟେଲୀୟ ଭୂମିରେ ଈଷେବଲ୍‍ର ଶବ କ୍ଷେତ୍ର ଉପରେ ଖତ ପରି ହେବ; ତହିଁରେ ଏ ଈଷେବଲ୍‍ ବୋଲି ଲୋକେ କହିବେ ନାହିଁ।’”
\s5
\c 10
\s ଆହାବଙ୍କ ସନ୍ତାନଙ୍କୁ ଯେହୂଙ୍କ ହତ୍ୟା
\p
\v 1 ଶମରୀୟାରେ ଆହାବଙ୍କର ସତୁରି ପୁତ୍ର ଥିଲେ। ଏଣୁ ଯେହୂ ଶମରୀୟାରେ ଯିଷ୍ରିୟେଲର ଅଧ୍ୟକ୍ଷଗଣ, ପ୍ରାଚୀନମାନଙ୍କୁ ଓ ଆହାବଙ୍କର ପୁତ୍ରମାନଙ୍କ ପ୍ରତିପାଳକମାନଙ୍କ ନିକଟକୁ ଏହିପରି ପତ୍ରମାନ ଲେଖି ପଠାଇଲେ, ଯଥା,
\v 2 “ତୁମ୍ଭମାନଙ୍କ ପ୍ରଭୁର ପୁତ୍ରଗଣ ତୁମ୍ଭମାନଙ୍କ ନିକଟରେ ଅଛନ୍ତି, ପୁଣି ରଥ ଓ ଅଶ୍ୱଗଣ, ମଧ୍ୟ ଏକ ପ୍ରାଚୀରବେଷ୍ଟିତ ନଗର ଓ ଅସ୍ତ୍ରଶସ୍ତ୍ର ତୁମ୍ଭମାନଙ୍କର ହସ୍ତଗତ ଅଛି।
\v 3 ଏହେତୁ ତୁମ୍ଭମାନଙ୍କ ନିକଟରେ ଏହି ପତ୍ର ଉପସ୍ଥିତ ହେବା ମାତ୍ରେ ତୁମ୍ଭେମାନେ ଆପଣା ପ୍ରଭୁର ପୁତ୍ରଗଣ ମଧ୍ୟରୁ ସର୍ବାପେକ୍ଷା ଉତ୍ତମ ଓ ଉପଯୁକ୍ତ ଜଣକୁ ବାଛ ଓ ତାହାକୁ ତାହାର ପିତାର ସିଂହାସନରେ ବସାଅ ଓ ତୁମ୍ଭେମାନେ ଆପଣା ପ୍ରଭୁର ବଂଶ ପକ୍ଷରେ ଯୁଦ୍ଧ କର।”
\s5
\v 4 ମାତ୍ର ସେମାନେ ଅତିଶୟ ଭୀତ ହୋଇ କହିଲେ, “ଦେଖ, ସେ ଦୁଇ ରାଜା ତାହା ସମ୍ମୁଖରେ ଠିଆ ହୋଇ ପାରିଲେ ନାହିଁ; ତେବେ ଆମ୍ଭେମାନେ କିପରି ଠିଆ ହେବା ?”
\v 5 ଏହେତୁ ଗୃହାଧ୍ୟକ୍ଷ ଓ ନଗରାଧ୍ୟକ୍ଷ, ମଧ୍ୟ ପ୍ରାଚୀନମାନେ ଓ ସନ୍ତାନଗଣର ପ୍ରତିପାଳକମାନେ ଯେହୂଙ୍କ ନିକଟକୁ ଏହି କଥା କହି ପଠାଇଲେ, “ଆମ୍ଭେମାନେ ଆପଣଙ୍କର ଦାସ ଓ ଆପଣ ଆମ୍ଭମାନଙ୍କୁ ଯାହା ଯାହା ଆଜ୍ଞା କରିବେ, ଆମ୍ଭେମାନେ ତାହାସବୁ କରିବୁ; ଆମ୍ଭେମାନେ କୌଣସି ଲୋକକୁ ରାଜା କରିବୁ ନାହିଁ; ଆପଣଙ୍କ ଦୃଷ୍ଟିରେ ଯାହା ଭଲ, ତାହା ଆପଣ କରନ୍ତୁ।”
\s5
\v 6 ତହୁଁ ଯେହୂ ଦ୍ୱିତୀୟ ଥର ସେମାନଙ୍କ ନିକଟକୁ ପତ୍ର ଲେଖିଲେ, ଯଥା, “ଯଦି ତୁମ୍ଭେମାନେ ମୋହର ପକ୍ଷ ଓ ଯଦି ତୁମ୍ଭେମାନେ ମୋ’ କଥାରେ ମନୋଯୋଗ କରିବ, ତେବେ ତୁମ୍ଭେମାନେ ଆପଣା ପ୍ରଭୁର ପୁତ୍ରମାନଙ୍କ ମସ୍ତକ ଘେନି
\f +
\fr 10:6
\ft ଅର୍ଥାତ୍ ମସ୍ତକ ଚ୍ଛେଦନ କରି କିଅବା ବଧ କରି
\f* ଆସନ୍ତା କାଲି ଏହି ସମୟରେ ଯିଷ୍ରିୟେଲକୁ ମୋ’ ନିକଟକୁ ଆସ।” ସେହି ସତୁରି ଜଣ ରାଜପୁତ୍ର ଆପଣାମାନଙ୍କ ପ୍ରତିପାଳକ ନଗରସ୍ଥ ପ୍ରଧାନ ଲୋକଙ୍କ ସଙ୍ଗରେ ଥିଲେ।
\p
\v 7 ଏଥିଉତ୍ତାରେ ସେମାନଙ୍କ ନିକଟରେ ପତ୍ର ଉପସ୍ଥିତ ହୁଅନ୍ତେ, ସେମାନେ ସେହି ସତୁରି ଜଣ ରାଜପୁତ୍ରଙ୍କୁ ନେଇ ବଧ କଲେ ଓ ସେମାନଙ୍କର ମସ୍ତକ ଟୋକେଇରେ ରଖି ଯିଷ୍ରିୟେଲକୁ ଯେହୂଙ୍କ ନିକଟକୁ ପଠାଇଲେ।
\s5
\v 8 ଏଥିରେ ଜଣେ ଦୂତ ଆସି ଯେହୂଙ୍କୁ ଜଣାଇ କହିଲା, “ସେମାନେ ରାଜପୁତ୍ରମାନଙ୍କ ମସ୍ତକ ଆଣିଅଛନ୍ତି।” ତହିଁରେ ସେ କହିଲେ, “ଦ୍ୱାର ପ୍ରବେଶ ସ୍ଥାନରେ ଦୁଇ ଗଦା କରି ପ୍ରାତଃକାଳ ପର୍ଯ୍ୟନ୍ତ ସେସବୁ ରଖ।”
\v 9 ଏଥିଉତ୍ତାରେ ପ୍ରାତଃକାଳରେ ଯେହୂ ବାହାରକୁ ଯାଇ ଠିଆ ହୋଇ ସମସ୍ତ ଲୋକଙ୍କୁ କହିଲେ, “ତୁମ୍ଭେମାନେ ଧାର୍ମିକ ଲୋକ; ଦେଖ, ମୁଁ ଆପଣା ପ୍ରଭୁ ବିରୁଦ୍ଧରେ ଚକ୍ରାନ୍ତ କରି ତାହାକୁ ବଧ କଲି; ମାତ୍ର ଏସମସ୍ତଙ୍କୁ କିଏ ବଧ କଲା ?
\s5
\v 10 ଏବେ ଜାଣ ଯେ, ସଦାପ୍ରଭୁ ଆହାବ ବଂଶ ବିଷୟରେ ଯାହା କହିଅଛନ୍ତି, ସଦାପ୍ରଭୁଙ୍କ ସେହି ବାକ୍ୟରୁ କିଛି ହିଁ ତଳେ ପଡ଼ିବ ନାହିଁ; କାରଣ ସଦାପ୍ରଭୁ ଆପଣା ଦାସ ଏଲୀୟଙ୍କ ଦ୍ୱାରା ଯାହା କହିଥିଲେ, ତାହା ସଫଳ କରିଅଛନ୍ତି।”
\v 11 ତହୁଁ ଯେହୂ ଆହାବଙ୍କର କାହାକୁ ଅବଶିଷ୍ଟ ନ ରଖିବା ପର୍ଯ୍ୟନ୍ତ ଯିଷ୍ରିୟେଲରେ ତାଙ୍କ ବଂଶର ଅବଶିଷ୍ଟ ସମସ୍ତଙ୍କୁ, ଓ ତାଙ୍କ ପ୍ରଧାନ ଲୋକ ସମସ୍ତଙ୍କୁ, ତାଙ୍କ ଆତ୍ମୀୟ ବନ୍ଧୁମାନଙ୍କୁ, ଓ ତାଙ୍କର ଯାଜକମାନଙ୍କୁ ବଧ କଲେ।
\s ଅହସୀୟଙ୍କ ଆତ୍ମୀୟମାନଙ୍କୁ ହତ୍ୟା
\p
\s5
\v 12 ଏଥିଉତ୍ତାରେ ଯେହୂ ଉଠି ପ୍ରସ୍ଥାନ କରି ଶମରୀୟାକୁ ଗଲେ। ପୁଣି ସେ ପଥ ମଧ୍ୟରେ ମେଷପାଳକମାନଙ୍କ ମେଷଲୋମଚ୍ଛେଦନ ଗୃହ ନିକଟରେ ଉପସ୍ଥିତ ହୁଅନ୍ତେ,
\v 13 ଯେହୂ ଯିହୁଦାର ରାଜା ଅହସୀୟଙ୍କର ଭ୍ରାତୃଗଣକୁ ଭେଟି ପଚାରିଲେ, “ତୁମ୍ଭେମାନେ କିଏ ?” ସେମାନେ ଉତ୍ତର କଲେ, “ଆମ୍ଭେମାନେ ଅହସୀୟଙ୍କର ଭାଇ; ଆଉ ଆମ୍ଭେମାନେ ରାଜାଙ୍କ ସନ୍ତାନମାନଙ୍କର ଓ ରାଣୀଙ୍କ ସନ୍ତାନମାନଙ୍କର ମଙ୍ଗଳବାଦ କରିବାକୁ ଯାଉଅଛୁ।”
\v 14 ଏଥିରେ ଯେହୂ କହିଲେ, “ଏମାନଙ୍କୁ ଜିଅନ୍ତା ଧର।” ତହୁଁ ଲୋକମାନେ ସେମାନଙ୍କୁ ଜୀଅନ୍ତା ଧରି ମେଷଲୋମ ଚ୍ଛେଦନଗୃହର ଗର୍ତ୍ତ ନିକଟରେ ସେହି ବୟାଳିଶ ଜଣଙ୍କୁ ବଧ କଲେ, ସେ ସେମାନଙ୍କର କାହାକୁ ଅବଶିଷ୍ଟ ରଖିଲେ ନାହିଁ।
\s5
\v 15 ଏଥିଉତ୍ତାରେ ଯେହୂ ସେଠାରୁ ପ୍ରସ୍ଥାନ କରନ୍ତେ, ଆପଣା ସମ୍ମୁଖରେ ଆଗମନକାରୀ ରେଖବର ପୁତ୍ର ଯିହୋନାଦବ୍‍କୁ ଭେଟିଲେ। ସେ ତାହାକୁ ମଙ୍ଗଳବାଦ କରି ପଚାରିଲେ, “ଯେପରି ତୁମ୍ଭ ପ୍ରତି ମୋ’ ମନ ସରଳ, ସେପରି ତୁମ୍ଭ ମନ କି ମୋ’ ପ୍ରତି ଅଛି ?” ଏଥିରେ ଯିହୋନାଦବ୍‍ ଉତ୍ତର କଲା, “ହଁ, ଅଛି।” ତାହାହେଲେ ମୋତେ ତୁମ୍ଭ ହସ୍ତ ଦିଅ। ତହୁଁ ଯିହୋନାଦବ୍‍ ତାଙ୍କୁ ଆପଣା ହସ୍ତ ଦିଅନ୍ତେ, ଯେହୂ ତାହାକୁ ଆପଣା ନିକଟକୁ ରଥ ଉପରକୁ ନେଲେ।
\v 16 ପୁଣି ଯେହୂ କହିଲେ, “ମୋ’ ସଙ୍ଗେ ଆସ, ସଦାପ୍ରଭୁଙ୍କ ନିମନ୍ତେ ମୋହର ଉଦ୍‍ଯୋଗ ଦେଖ।” ଏହିରୂପେ ସେମାନେ ତାହାକୁ ତାଙ୍କ ରଥରେ ଚଢ଼ାଇଲେ।
\v 17 ଏଥିଉତ୍ତାରେ ଯେହୂ ଶମରୀୟାରେ ଉପସ୍ଥିତ ହୁଅନ୍ତେ, ସଦାପ୍ରଭୁ ଏଲୀୟଙ୍କୁ ଯାହା କହିଥିଲେ, ସେହି ବାକ୍ୟାନୁସାରେ ଯେହୂ ଆହାବଙ୍କୁ ସଂହାର କରିବା ପର୍ଯ୍ୟନ୍ତ ଶମରୀୟାସ୍ଥ ତାଙ୍କର ଅବଶିଷ୍ଟ ସମସ୍ତଙ୍କୁ ବଧ କଲେ।
\s ବାଲ୍‍ର ପୂଜକମାନଙ୍କୁ ଯେହୂଙ୍କ ହତ୍ୟା
\p
\s5
\v 18 ପୁଣି ଯେହୂ ସମଗ୍ର ଲୋକଙ୍କୁ ଏକତ୍ର କରି ସେମାନଙ୍କୁ କହିଲେ, “ଆହାବ ବାଲ୍‍ର ଅଳ୍ପ ସେବା କଲା, ମାତ୍ର ଯେହୂ ତାହାର ବହୁତ ସେବା କରିବ।
\v 19 ଏହେତୁ ଏବେ ବାଲ୍‍ର ସମସ୍ତ ଭବିଷ୍ୟଦ୍‍ବକ୍ତାଙ୍କୁ ଓ ତାହାର ପୂଜକ ସମସ୍ତଙ୍କୁ ଓ ତାହାର ଯାଜକ ସମସ୍ତଙ୍କୁ ମୋ’ ନିକଟକୁ ଡାକ; କେହି ଅନୁପସ୍ଥିତ ନ ରହନ୍ତୁ; କାରଣ ବାଲ୍‍ ଉଦ୍ଦେଶ୍ୟରେ ମୋହର ଏକ ବଡ଼ ଯଜ୍ଞ କରିବାର ଅଛି; ଯେକେହି ଅନୁପସ୍ଥିତ ହେବ, ସେ ବଞ୍ଚିବ ନାହିଁ।” ମାତ୍ର ଯେହୂ ବାଲ୍‍ର ପୂଜକମାନଙ୍କୁ ବିନାଶ କରିବା ଅଭିପ୍ରାୟରେ ଏହା ଛଳ ଭାବରେ କଲେ।
\v 20 ଆଉ ଯେହୂ କହିଲେ, “ବାଲ୍‍ ଉଦ୍ଦେଶ୍ୟରେ ଏକ ପବିତ୍ର ମହାସଭା ନିରୂପଣ କର।” ତହୁଁ ସେମାନେ ତାହା ଘୋଷଣା କଲେ।
\p
\s5
\v 21 ପୁଣି ଯେହୂ ସମଗ୍ର ଇସ୍ରାଏଲ ମଧ୍ୟକୁ ଲୋକ ପଠାଇଲେ; ତହିଁରେ ବାଲ୍‍ର ପୂଜକ ସମସ୍ତେ ଆସିଲେ, ଯେ ନ ଆସିଲା, ଏପରି ଜଣେ ଅବଶିଷ୍ଟ ରହିଲା ନାହିଁ। ଆଉ ଲୋକମାନେ ବାଲ୍‍ର ମନ୍ଦିରକୁ ଆସନ୍ତେ, ବାଲ୍‍ର ମନ୍ଦିରର ଏକ ସୀମାରୁ ଅନ୍ୟ ସୀମା ପର୍ଯ୍ୟନ୍ତ ପୂର୍ଣ୍ଣ ହେଲା।
\v 22 ତେବେ ସେ ବସ୍ତ୍ରାଗାରର ଅଧ୍ୟକ୍ଷକୁ କହିଲେ, “ବାଲ୍‍ର ସମସ୍ତ ପୂଜକଙ୍କ ନିମନ୍ତେ ବସ୍ତ୍ର ବାହାର କରି ଆଣ।” ଏଥିରେ ସେ ବସ୍ତ୍ର ବାହାର କରି ଆଣିଲା।
\s5
\v 23 ତହିଁରେ ଯେହୂ ଓ ରେଖବର ପୁତ୍ର ଯିହୋନାଦବ୍‍ ବାଲ୍‍ ମନ୍ଦିରକୁ ଗଲେ; ଆଉ ସେ ବାଲ୍‍ର ପୂଜକମାନଙ୍କୁ କହିଲେ, “ଏଠାରେ ତୁମ୍ଭମାନଙ୍କ ମଧ୍ୟରେ ବାଲ୍‍ର ପୂଜକମାନଙ୍କ ବ୍ୟତୀତ ସଦାପ୍ରଭୁଙ୍କ ଦାସମାନଙ୍କ ମଧ୍ୟରୁ କେହି ଯେପରି ନ ଥାଏ, ଏଥିପାଇଁ ଖୋଜି ଦେଖ।”
\v 24 ଏଥିଉତ୍ତାରେ ସେମାନେ ବଳିଦାନ ଓ ହୋମ କରିବାକୁ ଭିତରକୁ ଗଲେ।
\p ଯେହୂ ଆପଣାର ଅଶୀ ଜଣକୁ ବାହାରେ ନିଯୁକ୍ତ କରି କହିଥିଲେ, “ମୁଁ ଯେଉଁ ଲୋକମାନଙ୍କୁ ତୁମ୍ଭମାନଙ୍କର ହସ୍ତଗତ କରାଇବି, ସେମାନଙ୍କ ମଧ୍ୟରୁ କେହି ଯେବେ ପଳାଏ, ତେବେ ଯେ ତାହାକୁ ଛାଡ଼ି ଦିଏ, ତାହାର ପ୍ରାଣ ସେ ଲୋକର ପ୍ରାଣର ବଦଳ ହେବ।”
\s5
\v 25 ଏଥିଉତ୍ତାରେ ଯେହୂ ହୋମବଳି ଉତ୍ସର୍ଗ ଶେଷ କରିବାକ୍ଷଣେ, ସେ ପ୍ରହରୀ ଓ ସେନାପତିମାନଙ୍କୁ କହିଲେ, “ଭିତରକୁ ଯାଅ, ସେମାନଙ୍କୁ ବଧ କର; କାହାକୁ ବାହାରକୁ ଆସିବାକୁ ଦିଅ ନାହିଁ।” ତହୁଁ ସେମାନେ ଖଡ୍ଗଧାରରେ ସେମାନଙ୍କୁ ବଧ କଲେ; ଆଉ ପ୍ରହରୀ ଓ ସେନାପତିମାନେ ସେମାନଙ୍କୁ ବାହାରେ ପକାଇଦେଇ ବାଲ୍‍ ମନ୍ଦିରର ଗୃହକୁ ଗଲେ।
\v 26 ପୁଣି ସେମାନେ ବାଲ୍‍ ମନ୍ଦିରରୁ ସ୍ତମ୍ଭମାନ ବାହାର କରି ଆଣି ପୋଡ଼ି ପକାଇଲେ।
\v 27 ଆଉ ବାଲ୍‍ର ସ୍ତମ୍ଭ ଭାଙ୍ଗି ପକାଇଲେ ଓ ବାଲ୍‍ର ମନ୍ଦିର ଭାଙ୍ଗି ପକାଇ ତାକୁ ମଳଗୃହ କଲେ, ତାହା ଆଜି ପର୍ଯ୍ୟନ୍ତ ଅଛି।
\v 28 ଏହି ପ୍ରକାରେ ଯେହୂ ଇସ୍ରାଏଲ ମଧ୍ୟରୁ ବାଲ୍‍କୁ ଉଚ୍ଛିନ୍ନ କଲେ।
\p
\s5
\v 29 ତଥାପି ବେଥେଲ୍‍ ଓ ଦାନ୍‍ରେ ଥିବା ଯେଉଁ ସୁବର୍ଣ୍ଣ ଗୋବତ୍ସ ଦ୍ୱାରା ନବାଟର ପୁତ୍ର ଯାରବୀୟାମ ଇସ୍ରାଏଲକୁ ପାପ କରାଇଥିଲେ, ଯେହୂ ତାଙ୍କର ସେହି ପାପାନୁଗମନ ତ୍ୟାଗ କଲେ ନାହିଁ।
\v 30 ଏଥିଉତ୍ତାରେ ସଦାପ୍ରଭୁ ଯେହୂଙ୍କୁ କହିଲେ, “ଆମ୍ଭ ଦୃଷ୍ଟିରେ ଯାହା ଯଥାର୍ଥ, ତାହା ସାଧନ କରି ତୁମ୍ଭେ ଭଲ କରିଅଛ ଓ ଆମ୍ଭ ମନରେ ଯାହା ଯାହା ଥିଲା, ତଦନୁସାରେ ତୁମ୍ଭେ ଆହାବ ବଂଶ ପ୍ରତି କରିଅଛ, ଏହେତୁ ଚତୁର୍ଥ ପୁରୁଷ ପର୍ଯ୍ୟନ୍ତ ତୁମ୍ଭର ସନ୍ତାନମାନେ ଇସ୍ରାଏଲର ସିଂହାସନରେ ଉପବିଷ୍ଟ ହେବେ।”
\v 31 ତଥାପି ଯେହୂ ଆପଣାର ସର୍ବାନ୍ତଃକରଣ ସହିତ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ବ୍ୟବସ୍ଥାନୁସାରେ ଚାଲିବାକୁ କିଛି ମନୋଯୋଗ କଲେ ନାହିଁ; ଯାରବୀୟାମ ଇସ୍ରାଏଲକୁ ଯେଉଁ ପାପ କରାଇଥିଲେ, ତାଙ୍କର ସେହି ପାପ ସେ ପରିତ୍ୟାଗ କଲେ ନାହିଁ।
\s ଯେହୂଙ୍କ ମୃତ୍ୟୁୁ
\p
\s5
\v 32 ସେସମୟରେ ସଦାପ୍ରଭୁ ଇସ୍ରାଏଲକୁ ଊଣା କରିବାକୁ ଲାଗିଲେ; ପୁଣି ହସାୟେଲ ଇସ୍ରାଏଲର ସମସ୍ତ ସୀମାରେ ସେମାନଙ୍କୁ ଆଘାତ କଲା;
\v 33 ଯର୍ଦ୍ଦନଠାରୁ ପୂର୍ବଦିଗରେ ସମସ୍ତ ଗିଲୀୟଦ ଦେଶ, ଅର୍ଣ୍ଣୋନ ଉପତ୍ୟକା ନିକଟସ୍ଥ ଅରୋୟେରଠାରୁ ଗାଦ୍‍ ଓ ରୁବେନ୍‍ ଓ ମନଃଶି ବଂଶୀୟ ଲୋକମାନଙ୍କ ଦେଶ, ଅର୍ଥାତ୍‍, ଗିଲୀୟଦ ଓ ବାଶନକୁ ଆଘାତ କଲା।
\s5
\v 34 ଯେହୂଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ସମସ୍ତ କ୍ରିୟା ଓ ତାଙ୍କର ସମସ୍ତ ପରାକ୍ରମ କ’ଣ ଇସ୍ରାଏଲର ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ ?
\v 35 ପୁଣି ଯେହୂଙ୍କ ମୃତ୍ୟୁ ପରେ, ଲୋକମାନେ ତାଙ୍କୁ ଶମରୀୟାରେ କବର ଦେଲେ। ତହିଁ ଉତ୍ତାରେ ତାଙ୍କର ପୁତ୍ର ଯିହୋୟାହସ୍‍ ତାଙ୍କ ପଦରେ ରାଜ୍ୟ କଲେ।
\v 36 ଶମରୀୟାରେ ଇସ୍ରାଏଲ ଉପରେ ଯେହୂଙ୍କର ରାଜ୍ୟ କରିବାର ସମୟ ଅଠାଇଶ ବର୍ଷ ଥିଲା।
\s5
\c 11
\s ଯିହୁଦାର ରାଣୀ ଅଥଲୀୟା
\p
\v 1 ଏଥି ମଧ୍ୟରେ ଅହସୀୟଙ୍କର ମାତା ଅଥଲୀୟା ଆପଣା ପୁତ୍ରକୁ ମୃତ ଦେଖନ୍ତେ, ସେ ଉଠି ସମସ୍ତ ରାଜବଂଶ ବିନାଶ କଲା।
\v 2 ମାତ୍ର ଯୋରାମ୍‍ ରାଜାଙ୍କର କନ୍ୟା, ଅହସୀୟଙ୍କର ଭଗିନୀ ଯିହୋଶେବା ଅହସୀୟଙ୍କର ପୁତ୍ର ଯୋୟାଶ୍‍କୁ ନେଇଗଲା ଓ ଯେଉଁ ରାଜପୁତ୍ରମାନେ ହତ ହେଲେ, ସେମାନଙ୍କ ମଧ୍ୟରୁ ତାହାକୁ ଚୋରାଇ ନେଇ ତାହାକୁ ଓ ତାହାର ଧାତ୍ରୀକି ଶୟନାଗାରରେ ରଖିଲା; ଆଉ ସେମାନେ ତାହାକୁ ଅଥଲୀୟାଠାରୁ ଲୁଚାଇ ରଖିବାରୁ ସେ ହତ ହେଲା ନାହିଁ।
\v 3 ଆଉ ସେ ତାହା ସହିତ ସଦାପ୍ରଭୁଙ୍କ ଗୃହରେ ଛଅ ବର୍ଷ ଗୋପନରେ ରହିଲା; ପୁଣି ଅଥଲୀୟା ଦେଶରେ ରାଜ୍ୟ କଲା।
\p
\s5
\v 4 ଏଥିଉତ୍ତାରେ ସପ୍ତମ ବର୍ଷରେ ଯିହୋୟାଦା ଲୋକ ପଠାଇ କରୀୟମାନଙ୍କର ଓ ପ୍ରହରୀବର୍ଗର ଶତପତିମାନଙ୍କୁ ଅଣାଇ ସଦାପ୍ରଭୁଙ୍କ ଗୃହକୁ ଆପଣା ନିକଟକୁ ନେଲା; ଆଉ ସେ ସେମାନଙ୍କ ସହିତ ନିୟମ କରି ସଦାପ୍ରଭୁଙ୍କ ଗୃହରେ ସେମାନଙ୍କୁ ଶପଥ କରାଇ ରାଜପୁତ୍ରଙ୍କୁ ଦେଖାଇଲା।
\v 5 ଆଉ ସେ ସେମାନଙ୍କୁ ଆଜ୍ଞା ଦେଇ କହିଲା, “ତୁମ୍ଭେମାନେ ଏହି କର୍ମ କରିବ; ତୁମ୍ଭମାନଙ୍କ ମଧ୍ୟରୁ ଯେଉଁମାନେ ବିଶ୍ରାମଦିନରେ ଆସନ୍ତି, ସେମାନଙ୍କ ତୃତୀୟାଂଶ ରାଜଗୃହର ରକ୍ଷଣୀୟ ରକ୍ଷା କରିବେ,
\v 6 ଓ ତୃତୀୟାଂଶ ସୂର ଦ୍ୱାରରେ ରହିବେ ଓ ତୃତୀୟାଂଶ ପ୍ରହରୀବର୍ଗର ପଶ୍ଚାତ୍‍ ଦ୍ୱାରରେ ରହିବେ; ଏହିରୂପେ ତୁମ୍ଭେମାନେ ଗୃହର ରକ୍ଷଣୀୟ ରକ୍ଷା କରି ପ୍ରତିରୋଧକ ହେବ।
\s5
\v 7 ଆଉ ତୁମ୍ଭମାନଙ୍କର ଦୁଇ ଦଳ, ଅର୍ଥାତ୍‍, ବିଶ୍ରାମବାରରେ ବାହାରକୁ ଯିବା ଲୋକ ସମସ୍ତେ ରାଜାଙ୍କ ସମୀପରେ ସଦାପ୍ରଭୁଙ୍କ ଗୃହର ରକ୍ଷଣୀୟ ରକ୍ଷା କରିବେ।
\v 8 ପୁଣି ତୁମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା ହସ୍ତରେ ଅସ୍ତ୍ର ନେଇ ରାଜାଙ୍କୁ ଚତୁର୍ଦ୍ଦିଗରେ ବେଷ୍ଟନ କରିବ; ଆଉ ଯେ କେହି ଶ୍ରେଣୀ ଭିତରକୁ ଆସେ, ସେ ହତ ହେଉ ଓ ରାଜା ବାହାରକୁ ଯିବା ବେଳେ ଓ ଭିତରକୁ ଆସିବା ବେଳେ ତୁମ୍ଭେମାନେ ତାଙ୍କ ସଙ୍ଗେ ଥାଅ। ”
\p
\s5
\v 9 ତହିଁରେ ଯିହୋୟାଦା ଯାଜକ ଯାହାସବୁ ଆଜ୍ଞା କଲା, ତଦନୁସାରେ ଶତପତିମାନେ କଲେ; ପୁଣି ସେମାନେ ପ୍ରତ୍ୟେକେ ବିଶ୍ରାମବାରରେ ଅନ୍ତର୍ଗାମୀ ଓ ବିଶ୍ରାମବାରରେ ବହିର୍ଗାମୀ ଆପଣା ଆପଣା ଲୋକମାନଙ୍କୁ ନେଇ ଯିହୋୟାଦା ଯାଜକ ନିକଟକୁ ଆସିଲେ।
\v 10 ତହିଁରେ ଦାଉଦ ରାଜାଙ୍କର ଯେ ଯେ ବର୍ଚ୍ଛା ଓ ଢାଲ ସଦାପ୍ରଭୁଙ୍କ ଗୃହରେ ଥିଲା, ତାହାସବୁ ଯାଜକ ସେହି ଶତପତିମାନଙ୍କୁ ଦେଲା।
\s5
\v 11 ତହୁଁ ଗୃହର ଦକ୍ଷିଣ ପାର୍ଶ୍ଵରୁ ବାମ ପାର୍ଶ୍ୱ ପର୍ଯ୍ୟନ୍ତ ଯଜ୍ଞବେଦି ଓ ଗୃହ ନିକଟରେ ପ୍ରହରୀବର୍ଗର ପ୍ରତ୍ୟେକ ଲୋକ ହସ୍ତରେ ଆପଣା ଆପଣା ଅସ୍ତ୍ର ଧରି ରାଜାଙ୍କର ଚତୁର୍ଦ୍ଦିଗରେ ଠିଆ ହେଲେ।
\v 12 ସେତେବେଳେ ସେ ରାଜପୁତ୍ର ଯୋୟାଶ୍‍ଙ୍କୁ ବାହାରକୁ ଆଣି ତାଙ୍କର ମସ୍ତକରେ ମୁକୁଟ ପିନ୍ଧାଇ ତାଙ୍କୁ ସାକ୍ଷ୍ୟ ପୁସ୍ତକ ଦେଲା; ତହିଁରେ ସେମାନେ ତାଙ୍କୁ ରାଜା କରି ଅଭିଷେକ କଲେ; ଆଉ ସେମାନେ କରତାଳି ଦେଇ କହିଲେ, “ରାଜା ଚିରଜୀବୀ ହେଉନ୍ତୁ।”
\s5
\v 13 ଏଥିରେ ଅଥଲୀୟା ପ୍ରହରୀବର୍ଗର ଓ ଲୋକମାନଙ୍କର କୋଳାହଳ ଶୁଣି ସଦାପ୍ରଭୁଙ୍କ ଗୃହକୁ ଲୋକମାନଙ୍କ ନିକଟକୁ ଆସିଲା।
\v 14 ପୁଣି ସେ ଦୃଷ୍ଟିପାତ କରନ୍ତେ, ଦେଖ, ରାଜା ବିଧି ଅନୁସାରେ ସ୍ତମ୍ଭ ନିକଟରେ ଠିଆ ହୋଇଅଛନ୍ତି ଓ ରାଜାଙ୍କ ନିକଟରେ ସେନାପତିମାନେ ଓ ତୂରୀବାଦକମାନେ ଅଛନ୍ତି; ପୁଣି ଦେଶର ସମଗ୍ର ଲୋକ ଆନନ୍ଦ କରୁଅଛନ୍ତି ଓ ତୂରୀ ବଜାଉଅଛନ୍ତି। ଏଥିରେ ଅଥଲୀୟା ଆପଣା ବସ୍ତ୍ର ଚିରି “ରାଜଦ୍ରୋହ ରାଜଦ୍ରୋହ !” ବୋଲି ଡାକ ପକାଇଲା।
\s5
\v 15 ଏଥିରେ ଯିହୋୟାଦା ଯାଜକ ସୈନ୍ୟ ଉପରେ ନିଯୁକ୍ତ ଶତପତିମାନଙ୍କୁ ଆଜ୍ଞା ଦେଇ କହିଲା, “ସୈନ୍ୟଶ୍ରେଣୀର ମଧ୍ୟଦେଇ ଏହାକୁ ବାହାରକୁ ନେଇ ଯାଅ ଓ ଯେ ତାହାର ପଶ୍ଚାଦ୍‍ଗାମୀ ହୁଏ, ତାହାକୁ ଖଡ୍ଗରେ ବଧ କର।” କାରଣ ଯାଜକ କହିଲା, “ସେ ସଦାପ୍ରଭୁଙ୍କ ଗୃହ ଭିତରେ ହତ ନ ହେଉ।”
\v 16 ତହୁଁ ସେମାନେ ତାହା ପାଇଁ ପଥ ଛାଡ଼ନ୍ତେ, ସେ ରାଜଗୃହକୁ ଯିବା ଅଶ୍ୱଦ୍ୱାରର ପଥ ଦେଇ ଗଲା ଓ ସେଠାରେ ହତ ହେଲା।
\s ଯିହୋୟାଦାଙ୍କ ସଂସ୍କାର କାର୍ଯ୍ୟ
\p
\s5
\v 17 ଏଥିଉତ୍ତାରେ ସମସ୍ତେ ଯେପରି ସଦାପ୍ରଭୁଙ୍କର ଲୋକ ହେବେ, ଏଥିପାଇଁ ଯିହୋୟାଦା ସଦାପ୍ରଭୁଙ୍କର ଏବଂ ରାଜା ଓ ଲୋକମାନଙ୍କ ମଧ୍ୟରେ ଏକ ନିୟମ କଲା; ରାଜା ଓ ଲୋକମାନଙ୍କ ମଧ୍ୟରେ ହିଁ ନିୟମ କଲା।
\v 18 ଏଥିଉତ୍ତାରେ ଦେଶର ସମଗ୍ର ଲୋକ ବାଲ୍‍ ମନ୍ଦିରକୁ ଯାଇ ତାହା ଭାଙ୍ଗି ପକାଇଲେ; ସେମାନେ ତାହାର ଯଜ୍ଞବେଦି ଓ ତାହାର ପ୍ରତିମାସବୁ ସମ୍ପୂର୍ଣ୍ଣ ରୂପେ ଚୂର୍ଣ୍ଣ କଲେ ଓ ଯଜ୍ଞବେଦିମାନର ସମ୍ମୁଖରେ ବାଲ୍‍ର ଯାଜକ ମତ୍ତନକୁ ବଧ କଲେ। ପୁଣି ଯାଜକ ସଦାପ୍ରଭୁଙ୍କ ଗୃହରେ କର୍ମଚାରୀମାନଙ୍କୁ ନିଯୁକ୍ତ କଲା।
\s5
\v 19 ପୁଣି ଯିହୋୟାଦା ଶତପତିମାନଙ୍କୁ ଓ କରୀୟମାନଙ୍କୁ ଓ ପ୍ରହରୀବର୍ଗକୁ ଓ ଦେଶର ସମଗ୍ର ଲୋକଙ୍କୁ ନେଲା; ତହୁଁ ସେମାନେ ସଦାପ୍ରଭୁଙ୍କ ଗୃହରୁ ରାଜାଙ୍କୁ ଆଣି ପ୍ରହରୀବର୍ଗର ଦ୍ୱାର ଦେଇ ରାଜଗୃହକୁ ଆସିଲେ। ଏଥିରେ ଯୋୟାଶ୍‍ ରାଜସିଂହାସନରେ ଉପବିଷ୍ଟ ହେଲେ।
\v 20 ଏହିରୂପେ ଦେଶର ସମୁଦାୟ ଲୋକ ଆନନ୍ଦ କଲେ ଓ ନଗର ସୁସ୍ଥିର ହେଲା; ଆଉ ସେମାନେ ରାଜଗୃହ ନିକଟରେ ଅଥଲୀୟାକୁ ଖଡ୍ଗରେ ବଧ କଲେ।
\s ଯିହୁଦାର ରାଜା ଯୋୟାଶ୍‍
\p
\s5
\v 21 ଯୋୟାଶ୍‍ ସାତ ବର୍ଷ ବୟସରେ ରାଜ୍ୟ କରିବାକୁ ଆରମ୍ଭ କଲେ।
\s5
\c 12
\p
\v 1 ଯେହୂଙ୍କ ରାଜତ୍ଵର ସପ୍ତମ ବର୍ଷରେ ଯୋୟାଶ୍‍ ରାଜତ୍ଵ କରିବାକୁ ଆରମ୍ଭ କରି ଯିରୂଶାଲମରେ ଚାଳିଶ ବର୍ଷ ରାଜ୍ୟ କଲେ; ତାଙ୍କର ମାତାର ନାମ ସିବୀୟା, ସେ ବେର୍‍ଶେବା ନିବାସିନୀ ଥିଲେ।
\v 2 ଯିହୋୟାଦା ଯାଜକ ଯୋୟାଶ୍‍ଙ୍କୁ ଯେତେ ଦିନ ଶିକ୍ଷା ଦେଲା, ସେତେ ଦିନ ସେ ସଦାପ୍ରଭୁଙ୍କ ଦୃଷ୍ଟିରେ ଯଥାର୍ଥ କର୍ମ କଲେ।
\v 3 ତଥାପି ଉଚ୍ଚସ୍ଥଳୀସକଳ ଦୂରୀକୃତ ହେଲା ନାହିଁ; ଲୋକମାନେ ସେସମୟରେ ହେଁ ଉଚ୍ଚସ୍ଥଳୀମାନରେ ବଳିଦାନ କଲେ ଓ ଧୂପ ଜ୍ୱଳାଇଲେ।
\p
\s5
\v 4 ଏଥିଉତ୍ତାରେ ଯୋୟାଶ୍‍ ଯାଜକମାନଙ୍କୁ କହିଲେ, “ପବିତ୍ରୀକୃତ ବସ୍ତୁର ଯେସକଳ ମୁଦ୍ରା ସଦାପ୍ରଭୁଙ୍କ ଗୃହକୁ ଅଣାଯାଏ, ଅର୍ଥାତ୍‍, ପ୍ରଚଳିତ ମୁଦ୍ରା, ପ୍ରାଣୀମାନଙ୍କ ନିମନ୍ତେ ପ୍ରତ୍ୟେକ ଲୋକ ଉପରେ ନିରୂପିତ ମୁଦ୍ରା ଓ ଯେସକଳ ମୁଦ୍ରା ସଦାପ୍ରଭୁଙ୍କ ଗୃହକୁ ଆଣିବା ପାଇଁ କୌଣସି ମନୁଷ୍ୟର ମନରେ ବାଞ୍ଛା ହୁଏ,
\v 5 ତାହାସବୁ ଯାଜକମାନେ ଆପଣା ଆପଣା ପରିଚିତ ଲୋକମାନଙ୍କଠାରୁ ଆପଣାମାନଙ୍କ ପାଇଁ ଗ୍ରହଣ କରନ୍ତୁ; ପୁଣି ସେହି ଗୃହର ଯେକୌଣସି ସ୍ଥାନ ଭଗ୍ନ ଦେଖାଯାଏ, ତାହାସବୁ ସେମାନେ ପୁନଃନିର୍ମାଣ କରନ୍ତୁ।”
\s5
\v 6 ମାତ୍ର ଯୋୟାଶ୍‍ ରାଜାଙ୍କ ରାଜତ୍ଵର ତେଇଶ ବର୍ଷ ପର୍ଯ୍ୟନ୍ତ ଯାଜକମାନେ ଗୃହର ଭଗ୍ନସ୍ଥାନମାନ ପୁନଃନିର୍ମାଣ କରି ନ ଥିଲେ।
\v 7 ତହିଁରେ ଯୋୟାଶ୍‍ ରାଜା ଯିହୋୟାଦା ଯାଜକକୁ ଓ ଅନ୍ୟ ଯାଜକମାନଙ୍କୁ ଡକାଇ ସେମାନଙ୍କୁ କହିଲେ, “ତୁମ୍ଭେମାନେ ଗୃହର ଭଗ୍ନସ୍ଥାନସବୁ କାହିଁକି ପୁନଃନିର୍ମାଣ କରୁନାହଁ ? ଏହେତୁ ତୁମ୍ଭେମାନେ ଆପଣା ଆପଣା ପରିଚିତ ଲୋକମାନଙ୍କଠାରୁ ଆଉ ମୁଦ୍ରା ନିଅ ନାହିଁ, ମାତ୍ର ଗୃହର ଭଗ୍ନସ୍ଥାନ ନିମନ୍ତେ ତାହା ସମର୍ପଣ କର।”
\v 8 ତହିଁରେ ଯାଜକମାନେ ଲୋକମାନଙ୍କଠାରୁ ଆଉ ମୁଦ୍ରା ଗ୍ରହଣ ନ କରିବାକୁ, ଅବା ଗୃହର ଭଗ୍ନସ୍ଥାନସବୁ ପୁନଃନିର୍ମାଣ ନ କରିବାକୁ ସମ୍ମତ ହେଲେ।
\p
\s5
\v 9 ମାତ୍ର ଯିହୋୟାଦା ଯାଜକ ଏକ ସିନ୍ଦୁକ ନେଇ ତହିଁର ଢାଙ୍କୁଣୀରେ ଏକ ଛିଦ୍ର କରି ଯଜ୍ଞବେଦି ନିକଟରେ ସଦାପ୍ରଭୁଙ୍କ ଗୃହରେ ପ୍ରବେଶ ସ୍ଥାନର ଦକ୍ଷିଣ ପାର୍ଶ୍ୱରେ ରଖିଲା; ପୁଣି ଦ୍ୱାରରକ୍ଷକ ଯାଜକମାନେ ସଦାପ୍ରଭୁଙ୍କ ଗୃହକୁ ଆନୀତ ମୁଦ୍ରାସବୁ ତହିଁ ଭିତରେ ରଖିଲେ।
\v 10 ଏଥିଉତ୍ତାରେ ସେମାନେ ସିନ୍ଦୁକରେ ବହୁତ ମୁଦ୍ରା ଥିବାର ଦେଖନ୍ତେ, ରାଜାଙ୍କର ଲେଖକ ଓ ମହାଯାଜକ ଆସି ସଦାପ୍ରଭୁଙ୍କ ଗୃହରେ ପ୍ରାପ୍ତ ସେହି ସକଳ ମୁଦ୍ରା ଥଳୀରେ ରଖି ଗଣନା କଲେ।
\s5
\v 11 ପୁଣି ସେମାନେ ସେହି ପରିମିତ ମୁଦ୍ରା ସଦାପ୍ରଭୁଙ୍କ ଗୃହର କର୍ମକାରକ ଅଧ୍ୟକ୍ଷମାନଙ୍କ ହସ୍ତରେ ଦେଲେ; ତହୁଁ ସେମାନେ ସଦାପ୍ରଭୁଙ୍କ ଗୃହର କର୍ମକାରୀ ସୂତ୍ରଧର ଓ ଗାନ୍ଥକ
\v 12 ଓ ରାଜମିସ୍ତ୍ରୀ ଓ ପ୍ରସ୍ତର ଖୋଦକମାନଙ୍କୁ, ଆଉ ସଦାପ୍ରଭୁଙ୍କ ଗୃହର ଭଗ୍ନସ୍ଥାନସବୁ ପୁନଃନିର୍ମାଣ କରିବା ନିମନ୍ତେ କାଷ୍ଠ ଓ ଖୋଦିତ ପ୍ରସ୍ତର କିଣିବାକୁ ଓ ଗୃହର ପୁନଃନିର୍ମାଣ କରିବାକୁ ପ୍ରୟୋଜନୀୟ ସର୍ବପ୍ରକାର ବ୍ୟୟ ପାଇଁ ତାହା ଦେଲେ।
\s5
\v 13 ମାତ୍ର ସଦାପ୍ରଭୁଙ୍କ ଗୃହକୁ ଆନୀତ ସେହି ମୁଦ୍ରା ଦ୍ୱାରା ସଦାପ୍ରଭୁଙ୍କ ଗୃହ ନିମନ୍ତେ ରୌପ୍ୟ ପାତ୍ର, କତୁରୀ, କୁଣ୍ଡ, ତୂରୀ, କୌଣସି ସୁବର୍ଣ୍ଣ ପାତ୍ର, କିଅବା ରୌପ୍ୟ ପାତ୍ର ନିର୍ମିତ ହେଲା ନାହିଁ।
\v 14 କାରଣ ସେମାନେ କର୍ମକାରୀମାନଙ୍କୁ ସେହି ମୁଦ୍ରା ଦେଇ ତଦ୍ଦ୍ୱାରା ସଦାପ୍ରଭୁଙ୍କ ଗୃହ ପୁନଃନିର୍ମାଣ କଲେ।
\s5
\v 15 ମାତ୍ର ସେମାନେ କର୍ମକାରୀମାନଙ୍କୁ ଦେବା ପାଇଁ ଯେଉଁମାନଙ୍କ ହସ୍ତରେ ମୁଦ୍ରା ସମର୍ପଣ କଲେ, ସେମାନଙ୍କଠାରୁ ହିସାବ ନେଲେ ନାହିଁ; କାରଣ ସେମାନେ ବିଶ୍ୱସ୍ତ ଭାବରେ କର୍ମ କଲେ।
\v 16 ଦୋଷାର୍ଥକ ବଳି ଓ ପାପାର୍ଥକ ବଳିର ମୁଦ୍ରା ସଦାପ୍ରଭୁଙ୍କ ଗୃହକୁ ଅଣାଗଲା ନାହିଁ, ତାହା ଯାଜକମାନଙ୍କର ହେଲା।
\p
\s5
\v 17 ସେସମୟରେ ଅରାମର ରାଜା ହସାୟେଲ ଯାତ୍ରା କରି ଗାଥ୍‍ ବିରୁଦ୍ଧରେ ଯୁଦ୍ଧ କରି ତାହା ହସ୍ତଗତ କଲା; ତହିଁ ଉତ୍ତାରେ ହସାୟେଲ ଯିରୂଶାଲମ ଆଡ଼କୁ ଯିବା ପାଇଁ ମୁଖ କଲା।
\v 18 ତହିଁରେ ଯିହୁଦାର ରାଜା ଯୋୟାଶ୍‍ ଆପଣା ପୂର୍ବପୁରୁଷ ଯିହୋଶାଫଟ୍‍ ଓ ଯିହୋରାମ୍‍ ଓ ଅହସୀୟ, ଯିହୁଦାର ଏହି ରାଜାମାନଙ୍କ ପ୍ରତିଷ୍ଠିତ ସମସ୍ତ ପବିତ୍ରୀକୃତ ବସ୍ତୁ ଓ ଆପଣାର ପବିତ୍ରୀକୃତ ବସ୍ତୁ ଓ ସଦାପ୍ରଭୁଙ୍କ ଗୃହର ଭଣ୍ଡାରରେ ଓ ରାଜଗୃହସ୍ଥ ଭଣ୍ଡାରରେ ପ୍ରାପ୍ତ ସମସ୍ତ ସ୍ୱର୍ଣ୍ଣ ନେଇ ଅରାମର ରାଜା ହସାୟେଲ ନିକଟକୁ ପଠାଇଲେ; ତହୁଁ ସେ ଯିରୂଶାଲମରୁ ବାହାରି ଗଲା।
\s5
\v 19 ଏହି ଯୋୟାଶ୍‍ଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ତାଙ୍କର ସମସ୍ତ କ୍ରିୟା କ’ଣ ଯିହୁଦାର ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ ?
\v 20 ଏଥିଉତ୍ତାରେ ତାଙ୍କର ଦାସମାନେ ଉଠି ଚକ୍ରାନ୍ତ କରି ସିଲ୍ଲାକୁ ଯିବା ପଥରେ ମିଲ୍ଲୋ ନାମକ ଗୃହରେ ଯୋୟାଶ୍‍ଙ୍କୁ ବଧ କଲେ।
\v 21 ଶିମୀୟତର ପୁତ୍ର ଯୋଷାଖର୍‍ ଓ ଶୋମରର ପୁତ୍ର ଯିହୋଷାବଦ୍‍ ନାମକ ତାଙ୍କର ଏହି ଦାସମାନେ ତାଙ୍କୁ ଆଘାତ କରନ୍ତେ, ସେ ମଲେ; ତହିଁରେ ସେମାନେ ଦାଉଦ ନଗରରେ ଯୋୟାଶ୍‍ଙ୍କୁ ତାଙ୍କର ପିତୃଲୋକଙ୍କ ସହିତ କବର ଦେଲେ; ପୁଣି ତାଙ୍କ ପୁତ୍ର ଅମତ୍‍ସୀୟ ତାଙ୍କ ପଦରେ ରାଜ୍ୟ କଲେ।
\s5
\c 13
\s ଇସ୍ରାଏଲର ରାଜା ଯିହୋୟାହସ୍‍
\p
\v 1 ଯିହୁଦାର ଅହସୀୟ ରାଜାଙ୍କର ପୁତ୍ର ଯୋୟାଶ୍‍ଙ୍କ ରାଜତ୍ଵର ତେଇଶ ବର୍ଷରେ ଯେହୂଙ୍କର ପୁତ୍ର ଯିହୋୟାହସ୍‍ ଶମରୀୟାରେ ଇସ୍ରାଏଲ ଉପରେ ରାଜତ୍ଵ କରିବାକୁ ଆରମ୍ଭ କରି ସତର ବର୍ଷ ରାଜ୍ୟ କଲେ।
\v 2 ସେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ, ପୁଣି ନବାଟର ପୁତ୍ର ଯାରବୀୟାମ ଯଦ୍ଦ୍ୱାରା ଇସ୍ରାଏଲକୁ ପାପ କରାଇଥିଲେ, ତାଙ୍କର ସେହି ପାପର ଅନୁଗାମୀ ହେଲେ; ଯିହୋୟାହସ୍‍ ତହିଁରୁ ବିମୁଖ ହେଲେ ନାହିଁ।
\s5
\v 3 ଏଥିରେ ସଦାପ୍ରଭୁଙ୍କ କ୍ରୋଧ ଇସ୍ରାଏଲ ବିରୁଦ୍ଧରେ ପ୍ରଜ୍ୱଳିତ ହୁଅନ୍ତେ; ସେ ଅରାମର ରାଜା ହସାୟେଲ ହସ୍ତରେ ଓ ହସାୟେଲର ପୁତ୍ର ବିନ୍‍ହଦଦ୍‍ ହସ୍ତରେ ସେମାନଙ୍କୁ ନିତ୍ୟ ସମର୍ପଣ କଲେ।
\v 4 ପୁଣି ଯିହୋୟାହସ୍‍ ସଦାପ୍ରଭୁଙ୍କ ନିକଟରେ ନିବେଦନ କରନ୍ତେ, ସଦାପ୍ରଭୁ ତାଙ୍କ ପ୍ରତି ମନୋଯୋଗ କଲେ; କାରଣ ଅରାମର ରାଜା ଇସ୍ରାଏଲ ପ୍ରତି କିପରି ଅତ୍ୟାଚାର କଲା, ସେମାନଙ୍କର ସେହି ଅତ୍ୟାଚାର ସେ ଦେଖିଲେ।
\v 5 ଯେହେତୁ ଅରାମର ରାଜା ଲୋକମାନଙ୍କ ମଧ୍ୟରୁ କେବଳ ପଚାଶ ଜଣ ଅଶ୍ୱାରୂଢ଼ ଓ ଦଶ ରଥ ଓ ଦଶ ସହସ୍ର ପଦାତିକ ଛଡ଼ା ଯିହୋୟାହସ୍‍ ନିମନ୍ତେ ଆଉ କାହାକୁ ଅବଶିଷ୍ଟ ନ ରଖି ସେମାନଙ୍କୁ ବିନଷ୍ଟ ଓ ମର୍ଦ୍ଦିତ ଧୂଳି ତୁଲ୍ୟ କରିଥିଲା।
\p
\s5
\v 6 ଏଣୁ ସଦାପ୍ରଭୁ ଇସ୍ରାଏଲକୁ ଏକ ଉଦ୍ଧାରକର୍ତ୍ତା ଦେଲେ, ତହିଁରେ ସେମାନେ ଅରାମୀୟମାନଙ୍କ ହସ୍ତାଧୀନରୁ ବାହାରିଗଲେ; ପୁଣି ଇସ୍ରାଏଲ ସନ୍ତାନଗଣ ପୂର୍ବ ପରି ଆପଣା ଆପଣା ତମ୍ବୁରେ ବାସ କଲେ।
\v 7 ତଥାପି ଯାରବୀୟାମ ଯଦ୍ଦ୍ୱାରା ଇସ୍ରାଏଲକୁ ପାପ କରାଇଥିଲେ, ତାଙ୍କର ବଂଶର ସେହିସବୁ ପାପରୁ ସେମାନେ ବିମୁଖ ହେଲେ ନାହିଁ, ମାତ୍ର ତହିଁରେ ହିଁ ଚାଲିଲେ। ପୁଣି ଶମରୀୟାରେ ଆଶେରା ମୂର୍ତ୍ତି ମଧ୍ୟ ରହିଲା।
\s5
\v 8 ଏହି ଯିହୋୟାହସ୍‍ଙ୍କ ଅବଶିଷ୍ଟ ବୃତ୍ତାନ୍ତ ଓ ତାଙ୍କର ସମସ୍ତ କ୍ରିୟା ଓ ତାଙ୍କର ପରାକ୍ରମ କ’ଣ ଇସ୍ରାଏଲ ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ ?
\v 9 ଏଥିଉତ୍ତାରେ ଯିହୋୟାହସ୍‍ଙ୍କ ମୃତ୍ୟୁ ପରେ, ଲୋକମାନେ ତାଙ୍କୁ ଶମରୀୟାରେ କବର ଦେଲେ, ପୁଣି ତାଙ୍କର ପୁତ୍ର ଯୋୟାଶ୍‍ ତାଙ୍କର ପଦରେ ରାଜ୍ୟ କଲେ।
\s ଇସ୍ରାଏଲର ରାଜା ଯୋୟାଶ୍‍
\p
\s5
\v 10 ଯିହୁଦାର ଯୋୟାଶ୍‍ ରାଜାଙ୍କ ରାଜତ୍ଵର ସଇଁତିରିଶ ବର୍ଷରେ ଯିହୋୟାହସ୍‍ଙ୍କ ପୁତ୍ର ଯୋୟାଶ୍‍ ଇସ୍ରାଏଲ ଉପରେ ଶମରୀୟାରେ ରାଜତ୍ଵ କରିବାକୁ ଆରମ୍ଭ କରି ଷୋଳ ବର୍ଷ ରାଜ୍ୟ କଲେ।
\v 11 ଆଉ ସେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ; ନବାଟର ପୁତ୍ର ଯାରବୀୟାମ ଯଦ୍ଦ୍ୱାରା ଇସ୍ରାଏଲକୁ ପାପ କରାଇଥିଲେ, ତାଙ୍କର ସେହି ସମସ୍ତ ପାପରୁ ସେ ବିମୁଖ ହେଲେ ନାହିଁ ମାତ୍ର ସେ ତହିଁରେ ହିଁ ଚାଲିଲେ।
\s5
\v 12 ଏହି ଯୋୟାଶ୍‍ଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ତାଙ୍କର ସମସ୍ତ କ୍ରିୟା ଓ ଯେଉଁ ପରାକ୍ରମରେ ସେ ଯିହୁଦାର ରାଜା ଅମତ୍‍ସୀୟ ସଙ୍ଗେ ଯୁଦ୍ଧ କଲେ, ତାହାସବୁ କ’ଣ ଇସ୍ରାଏଲ ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ ?
\v 13 ଏଥିଉତ୍ତାରେ ଯୋୟାଶ୍‍ ମୃତ୍ୟୁବରଣ କଲେ। ତହିଁରେ ଯାରବୀୟାମ୍ ତାଙ୍କ ସିଂହାସନରେ ଉପବିଷ୍ଟ ହେଲେ, ପୁଣି ଯୋୟାଶ୍‍ ଇସ୍ରାଏଲ ରାଜାମାନଙ୍କ ସହିତ ଶମରୀୟାରେ କବର ପ୍ରାପ୍ତ ହେଲେ।
\s ଇଲୀଶାୟଙ୍କ ମୃତ୍ୟୁୁ
\p
\s5
\v 14 ଇଲୀଶାୟ ଯେଉଁ ପୀଡ଼ାରେ ମଲେ, ସେହି ପୀଡ଼ାରେ ପୀଡ଼ିତ ହୁଅନ୍ତେ, ଇସ୍ରାଏଲର ରାଜା ଯୋୟାଶ୍‍ ତାଙ୍କ ନିକଟକୁ ଆସି ତାଙ୍କ ଉପରେ ରୋଦନ କରି କହିଲେ, “ହେ ଆମ୍ଭ ପିତଃ, ହେ ଆମ୍ଭ ପିତଃ, ହେ ଇସ୍ରାଏଲର ରଥ ଓ ତହିଁର ଅଶ୍ୱାରୋହୀଗଣ !”
\v 15 ଏଥିରେ ଇଲୀଶାୟ ତାଙ୍କୁ କହିଲେ, “ଧନୁ ଓ ତୀର ଧର,” ତହୁଁ ସେ ଧନୁ ଓ ତୀର ଧରିଲେ।
\v 16 ତେବେ ଇଲୀଶାୟ ଇସ୍ରାଏଲର ରାଜାଙ୍କୁ କହିଲେ, “ଧନୁ ଉପରେ ତୁମ୍ଭ ହାତ ଦିଅ,” ତହୁଁ ସେ ତହିଁ ଉପରେ ହାତ ଦେଲେ। ସେତେବେଳେ ଇଲୀଶାୟ ରାଜାଙ୍କ ହସ୍ତ ଉପରେ ଆପଣା ହସ୍ତ ରଖିଲେ।
\s5
\v 17 ଆଉ ଇଲୀଶାୟ କହିଲେ, “ପୂର୍ବଆଡ଼ ଝରକା ଫିଟାଅ,” ତହିଁରେ ସେ ତାହା ଫିଟାଇଲେ। ତେବେ ଇଲୀଶାୟ କହିଲେ, “ତୀର ମାର,” ତହିଁରେ ସେ ତୀର ମାରିଲେ। ଏଥିରେ ଇଲୀଶାୟ କହିଲେ, “ସଦାପ୍ରଭୁଙ୍କର ଜୟତୀର, ଅରାମର ବିପକ୍ଷ ଜୟତୀର, କାରଣ ତୁମ୍ଭେ ଅଫେକରେ ଅରାମୀୟମାନଙ୍କୁ ନିଃଶେଷ କରିବା ପର୍ଯ୍ୟନ୍ତ ସେମାନଙ୍କୁ ସଂହାର କରିବ।”
\v 18 ଆହୁରି ସେ କହିଲେ, “ତୀରସବୁ ନିଅ,” ତହିଁରେ ସେ ତାହାସବୁ ନେଲେ। ତହୁଁ ସେ ଇସ୍ରାଏଲର ରାଜାଙ୍କୁ କହିଲେ, “ଭୂମିକୁ ଆଘାତ କର,” ତହିଁରେ ସେ ତିନି ଥର ଆଘାତ କରି ନିବୃତ୍ତ ହେଲେ।
\v 19 ଏଥିରେ ପରମେଶ୍ୱରଙ୍କ ଲୋକ ତାଙ୍କ ପ୍ରତି କ୍ରୁଦ୍ଧ ହୋଇ କହିଲେ, “ତୁମ୍ଭେ ତ ପାଞ୍ଚ କି ଛଅ ଥର ଆଘାତ କରିଥାଆନ୍ତ; ତାହା କରିଥିଲେ, ତୁମ୍ଭେ ଅରାମକୁ ନିଃଶେଷ କରିବା ପର୍ଯ୍ୟନ୍ତ ଆଘାତ କରିଥାଆନ୍ତ; ମାତ୍ର ଏବେ ତୁମ୍ଭେ କେବଳ ତିନି ଥର ଅରାମକୁ ଆଘାତ କରିବ।”
\p
\s5
\v 20 ଏଥିଉତ୍ତାରେ ଇଲୀଶାୟଙ୍କ ମୃତ୍ୟୁୁ ହୁଅନ୍ତେ, ଲୋକମାନେ ତାଙ୍କୁ କବର ଦେଲେ। ସେତେବେଳେ ମୋୟାବୀୟ ଲୁଟକାରୀ ଦଳ ବର୍ଷର ଆରମ୍ଭରେ ଦେଶ ଆକ୍ରମଣ କଲେ।
\v 21 ସେସମୟରେ ଲୋକମାନେ ଜଣେ ମନୁଷ୍ୟକୁ କବର ଦେବା ବେଳେ ଏପରି ଘଟିଲା ଯେ, ଦେଖ, ସେମାନେ ଏକ ଲୁଟକାରୀ ଦଳକୁ ଦୂରରୁ ଦେଖିଲେ। ତହିଁରେ ସେମାନେ ସେହି ମନୁଷ୍ୟକୁ ଇଲୀଶାୟଙ୍କର କବରରେ ପକାଇ ଦିଅନ୍ତେ, ସେ ମନୁଷ୍ୟ ଇଲୀଶାୟଙ୍କର ଅସ୍ଥି ସ୍ପର୍ଶ କରିବା ମାତ୍ରେ ସଜୀବ ହୋଇ ଆପଣା ଚରଣରେ ଠିଆ ହେଲା।
\s5
\v 22 ଯିହୋୟାହସ୍‍ଙ୍କ ଅଧିକାରର ସମସ୍ତ କାଳ ଅରାମର ରାଜା ହସାୟେଲ ଇସ୍ରାଏଲ ପ୍ରତି ଅତ୍ୟାଚାର କଲା।
\v 23 ମାତ୍ର ସଦାପ୍ରଭୁ ଅବ୍ରହାମ, ଇସ୍‍ହାକ ଓ ଯାକୁବଙ୍କ ସହିତ ଆପଣା କୃତ ନିୟମ ସକାଶୁ ସେମାନଙ୍କ ପ୍ରତି ଅନୁଗ୍ରହ କଲେ ଓ ସେମାନଙ୍କ ଉପରେ ଦୟା ବହି ସେମାନଙ୍କ ପ୍ରତି ସୁଦୃଷ୍ଟି କଲେ, ଆଉ ସେମାନଙ୍କୁ ବିନାଶ କରିବାକୁ ଅସମ୍ମତ ହେଲେ ଓ ଏପର୍ଯ୍ୟନ୍ତ ଆପଣା ସମ୍ମୁଖରୁ ସେମାନଙ୍କୁ ଦୂର କଲେ ନାହିଁ।
\v 24 ଏଥିଉତ୍ତାରେ ଅରାମର ରାଜା ହସାୟେଲ ମଲା; ତହୁଁ ତାହାର ପୁତ୍ର ବିନ୍‍ହଦଦ୍‍ ତାହାର ପଦରେ ରାଜ୍ୟ କଲା।
\v 25 ପୁଣି ଯୋୟାଶ୍‍ଙ୍କର ପିତା ଯିହୋୟାହାସ୍‍ଙ୍କଠାରୁ ହସାୟେଲ ଯେ ଯେ ନଗର ଯୁଦ୍ଧରେ ନେଇଥିଲା, ସେହି ସକଳ ନଗର ଯିହୋୟାହସ୍‍ଙ୍କ ପୁତ୍ର ଯୋୟାଶ୍‍ ହସାୟେଲର ପୁତ୍ର ବିନ୍‍ହଦଦ୍‍ଠାରୁ ପୁନର୍ବାର ନେଲେ। ଯୋୟାଶ୍‍ ତାହାକୁ ତିନି ଥର ଆଘାତ କରି ଇସ୍ରାଏଲର ସେହି ସକଳ ନଗର ପୁନର୍ବାର ନେଲେ।
\s5
\c 14
\s ଯିହୁଦାର ରାଜା ଅମତ୍‍ସୀୟ
\p
\v 1 ଇସ୍ରାଏଲର ରାଜା ଯିହୋୟାହସ୍‍ଙ୍କ ପୁତ୍ର ଯୋୟାଶ୍‍ଙ୍କ ରାଜତ୍ଵର ଦ୍ୱିତୀୟ ବର୍ଷରେ ଯିହୁଦାର ରାଜା ଯୋୟାଶ୍‍ଙ୍କ ପୁତ୍ର ଅମତ୍‍ସୀୟ ରାଜତ୍ଵ କରିବାକୁ ଆରମ୍ଭ କଲେ।
\v 2 ସେ ରାଜତ୍ଵ କରିବାକୁ ଆରମ୍ଭ କରିବା ସମୟରେ ପଚିଶ ବର୍ଷ ବୟସ୍କ ଥିଲେ ଓ ସେ ଯିରୂଶାଲମରେ ଅଣତିରିଶ ବର୍ଷ ରାଜ୍ୟ କଲେ; ତାଙ୍କ ମାତାଙ୍କର ନାମ ଯିହୋୟଦ୍ଦନ୍‍, ସେ ଯିରୂଶାଲମ ନିବାସିନୀ ଥିଲେ।
\v 3 ପୁଣି ଅମତ୍‍ସୀୟ ସଦାପ୍ରଭୁଙ୍କ ଦୃଷ୍ଟିରେ ଯଥାର୍ଥ କର୍ମ କଲେ, ମାତ୍ର ଆପଣା ପୂର୍ବପୁରୁଷ ଦାଉଦଙ୍କ ପରି ନୁହେଁ; ସେ ଆପଣା ପିତା ଯୋୟାଶ୍‍ଙ୍କର କୃତ ସମସ୍ତ କର୍ମାନୁସାରେ କର୍ମ କଲେ।
\s5
\v 4 ତଥାପି ଉଚ୍ଚସ୍ଥଳୀମାନ ଦୂରୀକୃତ ହେଲା ନାହିଁ; ଲୋକମାନେ ସେସମୟରେ ହେଁ ଉଚ୍ଚସ୍ଥଳୀମାନରେ ବଳିଦାନ କଲେ ଓ ଧୂପ ଜ୍ୱଳାଇଲେ।
\p
\v 5 ଏଥିଉତ୍ତାରେ ତାଙ୍କ ହସ୍ତରେ ରାଜ୍ୟ ସ୍ଥିର ହେବା ମାତ୍ରେ ସେ ତାଙ୍କର ପିତା ରାଜାଙ୍କର ହତ୍ୟାକାରୀ ଆପଣା ଦାସମାନଙ୍କୁ ବଧ କଲେ।
\s5
\v 6 ମାତ୍ର ସନ୍ତାନମାନଙ୍କ ପାଇଁ ପିତୃଗଣର ପ୍ରାଣଦଣ୍ଡ ହେବ ନାହିଁ; କିଅବା ପିତୃଗଣ ପାଇଁ ସନ୍ତାନମାନଙ୍କର ପ୍ରାଣଦଣ୍ଡ ହେବ ନାହିଁ; କିନ୍ତୁ ପ୍ରତ୍ୟେକ ଲୋକ ନିଜ ପାପ ଲାଗି ମୃତ୍ୟୁୁଭୋଗ କରିବ, ମୋଶାଙ୍କର ବ୍ୟବସ୍ଥା ପୁସ୍ତକରେ ଲିଖିତ ସଦାପ୍ରଭୁଙ୍କର ଏହି ଆଜ୍ଞା ପ୍ରମାଣେ ସେ ସେହି ହତ୍ୟାକାରୀମାନଙ୍କ ସନ୍ତାନଗଣର ପ୍ରାଣଦଣ୍ଡ କଲେ ନାହିଁ।
\v 7 ସେ ଲବଣ ଉପତ୍ୟକାରେ ଇଦୋମର ଦଶ ସହସ୍ର ଲୋକଙ୍କୁ ବଧ କଲେ ଓ ଯୁଦ୍ଧରେ ସେଲା ନଗର ହସ୍ତଗତ କରି ତହିଁର ନାମ ଯକ୍ତେଲ ରଖିଲେ; ତାହା ଆଜି ପର୍ଯ୍ୟନ୍ତ ଅଛି।
\s5
\v 8 ସେହି ସମୟରେ ଅମତ୍‍ସୀୟ ବାର୍ତ୍ତାବାହକ ପଠାଇ ଯେହୂଙ୍କର ପୌତ୍ର ଯିହୋୟାହସ୍‍ଙ୍କ ପୁତ୍ର, ଇସ୍ରାଏଲର ରାଜା ଯୋୟାଶ୍‍ଙ୍କୁ କହିଲେ, “ଆସ, ଆମ୍ଭେମାନେ ପରସ୍ପର ମୁଖ ଦେଖାଦେଖି ହେବା।”
\p
\v 9 ତହିଁରେ ଇସ୍ରାଏଲର ରାଜା ଯୋୟାଶ୍‍ ଯିହୁଦାର ରାଜା ଅମତ୍‍ସୀୟଙ୍କ ନିକଟକୁ ଲୋକ ପଠାଇ କହିଲେ, “ଲିବାନୋନର କଣ୍ଟକଲତା ଲିବାନୋନର ଏରସ ବୃକ୍ଷ ନିକଟକୁ କହି ପଠାଇଲା, ‘ତୁମ୍ଭ କନ୍ୟାକୁ ଆମ୍ଭ ପୁତ୍ର ସଙ୍ଗେ ବିବାହ ଦିଅ, ଏଥି ମଧ୍ୟରେ ଲିବାନୋନର ଏକ ବନ୍ୟ ପଶୁ ନିକଟ ଦେଇ ଯାଉ ଯାଉ ସେହି କଣ୍ଟକଲତାକୁ ଦଳି ପକାଇଲା।
\v 10 ପ୍ରକୃତରେ ତୁମ୍ଭେ ଇଦୋମକୁ ପରାସ୍ତ କରିଅଛ, ଆଉ ତୁମ୍ଭ ମନ ଗର୍ବିତ ହୋଇଅଛି; ସେହି ଗୌରବ ନେଇ ଘରେ ଥାଅ; ଆପଣାର ଅମଙ୍ଗଳ ପାଇଁ କାହିଁକି ବିରୋଧ କରିବ ? ପୁଣି ତୁମ୍ଭେ ଓ ତୁମ୍ଭ ସଙ୍ଗେ ଯିହୁଦା, ଦୁହେଁ କାହିଁକି ପତିତ ହେବ ?”
\s5
\v 11 ମାତ୍ର ଅମତ୍‍ସୀୟ ଶୁଣିଲେ ନାହିଁ। ଏଣୁ ଇସ୍ରାଏଲର ରାଜା ଯୋୟାଶ୍‍ ଗଲେ; ଆଉ ଯିହୁଦାର ଅଧିକାରସ୍ଥ ବେଥ୍-ଶେମଶରେ ସେ ଓ ଯିହୁଦା ରାଜା ଅମତ୍‍ସୀୟ ପରସ୍ପର ମୁଖ ଦେଖାଦେଖି ହେଲେ।
\v 12 ଏଥିରେ ଇସ୍ରାଏଲ ସମ୍ମୁଖରେ ଯିହୁଦା ପରାସ୍ତ ହେଲା; ତହିଁରେ ସେମାନେ ପ୍ରତ୍ୟେକେ ଆପଣା ଆପଣା ତମ୍ବୁକୁ ପଳାଇଲେ।
\p
\s5
\v 13 ତହିଁରେ ଇସ୍ରାଏଲର ରାଜା ଯୋୟାଶ୍‍ ବେଥ୍-ଶେମଶରେ ଅହସୀୟଙ୍କର ପୌତ୍ର ଯୋୟାଶ୍‍ଙ୍କର ପୁତ୍ର ଯିହୁଦାର ରାଜା ଅମତ୍‍ସୀୟଙ୍କୁ ଧରି ଯିରୂଶାଲମକୁ ଆସିଲେ ଓ ଇଫ୍ରୟିମ ନଗର ଦ୍ୱାର ଠାରୁ କୋଣର ଦ୍ୱାର ପର୍ଯ୍ୟନ୍ତ ଯିରୂଶାଲମର ଚାରି ଶହ ହାତ ପ୍ରାଚୀର ଭାଙ୍ଗି ପକାଇଲେ।
\v 14 ପୁଣି ସେ ସଦାପ୍ରଭୁଙ୍କ ଗୃହରେ ଓ ରାଜଗୃହର ଭଣ୍ଡାରରେ ପ୍ରାପ୍ତ ସକଳ ସୁବର୍ଣ୍ଣ ଓ ରୌପ୍ୟ ଓ ସକଳ ପାତ୍ର, ମଧ୍ୟ ଲୋକମାନଙ୍କୁ ବନ୍ଧକ ରୂପେ ନେଇ ଶମରୀୟାକୁ ଫେରିଗଲେ।
\s5
\v 15 ଏହି ଯୋୟାଶ୍‍ଙ୍କର ଅବଶିଷ୍ଟ କ୍ରିୟାର ବୃତ୍ତାନ୍ତ ଓ ତାଙ୍କର ପରାକ୍ରମ ଓ ସେ ଯିହୁଦାର ରାଜା ଅମତ୍‍ସୀୟଙ୍କ ସଙ୍ଗେ କିପ୍ରକାରେ ଯୁଦ୍ଧ କଲେ, ଏସବୁ କ’ଣ ଇସ୍ରାଏଲ ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ ?
\v 16 ଏଥିଉତ୍ତାରେ ଯୋୟାଶ୍‍ ମୃତ୍ୟୁବରଣ କଲେ ଓ ଶମରୀୟାରେ ଇସ୍ରାଏଲ ରାଜାମାନଙ୍କ ସଙ୍ଗେ କବର ପାଇଲେ; ପୁଣି ତାଙ୍କର ପୁତ୍ର ଯାରବୀୟାମ୍ ତାଙ୍କ ପଦରେ ରାଜ୍ୟ କଲେ।
\s5
\v 17 ପୁଣି ଇସ୍ରାଏଲର ରାଜା ଯିହୋୟାହସ୍‍ଙ୍କ ପୁତ୍ର ଯୋୟାଶ୍‍ଙ୍କର ମୃତ୍ୟୁୁ ଉତ୍ତାରେ ଯିହୁଦାର ରାଜା ଯୋୟାଶ୍‍ଙ୍କର ପୁତ୍ର ଅମତ୍‍ସୀୟ ପନ୍ଦର ବର୍ଷ ବଞ୍ଚିଲେ।
\v 18 ଏହି ଅମତ୍‍ସୀୟଙ୍କର ଅବଶିଷ୍ଟ କ୍ରିୟାର ବୃତ୍ତାନ୍ତ କ’ଣ ଯିହୁଦାର ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ ?
\p
\v 19 ଏଥିଉତ୍ତାରେ ଲୋକମାନେ ଯିରୂଶାଲମରେ ତାଙ୍କ ବିରୁଦ୍ଧରେ ଚକ୍ରାନ୍ତ କଲେ, ତହିଁରେ ସେ ଲାଖୀଶ୍‍କୁ ପଳାଇଲେ। ମାତ୍ର ସେମାନେ ତାଙ୍କ ପଛେ ପଛେ ଲାଖୀଶ୍‍କୁ ଲୋକ ପଠାଇ ସେଠାରେ ତାଙ୍କୁ ବଧ କଲେ।
\s5
\v 20 ପୁଣି ସେମାନେ ଅଶ୍ୱମାନଙ୍କ ଉପରେ ରଖି ତାଙ୍କୁ ଆଣିଲେ ତହୁଁ ସେ ଯିରୂଶାଲମରେ ଆପଣା ପିତୃଗଣ ସହିତ ଦାଉଦ ନଗରରେ କବର ପାଇଲେ।
\v 21 ଏଥିଉତ୍ତାରେ ଯିହୁଦାର ସମସ୍ତ ଲୋକ ଷୋଳ ବର୍ଷ ବୟସ୍କ ଅସରୀୟଙ୍କୁ ନେଇ ତାଙ୍କର ପିତା ଅମତ୍‍ସୀୟଙ୍କ ପଦରେ ରାଜା କଲେ।
\v 22 ରାଜା ଅମତ୍‍ସୀୟଙ୍କ ମୃତ୍ୟୁ ପରେ, ଅସରୀୟ ଏଲତ୍‍ ନଗର ଦୃଢ଼ କରି ତାହା ପୁନର୍ବାର ଯିହୁଦାର ଅଧୀନକୁ ଆଣିଲେ।
\s ଇସ୍ରାଏଲର ରାଜା ଦ୍ୱିତୀୟ ଯାରବୀୟାମ
\p
\s5
\v 23 ଯିହୁଦାର ରାଜା ଯୋୟାଶ୍‍ଙ୍କର ପୁତ୍ର ଅମତ୍‍ସୀୟଙ୍କ ରାଜତ୍ଵର ପନ୍ଦର ବର୍ଷରେ ଇସ୍ରାଏଲର ରାଜା ଯୋୟାଶ୍‍ଙ୍କର ପୁତ୍ର ଯାରବୀୟାମ୍ ଶମରୀୟାରେ ରାଜତ୍ଵ କରିବାକୁ ଆରମ୍ଭ କରି ଏକଚାଳିଶ ବର୍ଷ ରାଜ୍ୟ କଲେ।
\v 24 ପୁଣି ସେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ; ନବାଟର ପୁତ୍ର ଯାରବୀୟାମ ଯଦ୍ଦ୍ୱାରା ଇସ୍ରାଏଲକୁ ପାପ କରାଇଥିଲେ, ତାଙ୍କର ସେହି ସମସ୍ତ ପାପରୁ ସେ ବିମୁଖ ହେଲେ ନାହିଁ।
\p
\v 25 ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଅମିତ୍ତୟର ପୁତ୍ର ଗାଥ୍‍-ହେଫର ନିବାସୀ ଆପଣା ଦାସ ଯୂନସ ଭବିଷ୍ୟଦ୍‍ବକ୍ତାଙ୍କ ହସ୍ତରେ ଯାହା କହିଥିଲେ, ତାହାଙ୍କର ସେହି ବାକ୍ୟାନୁସାରେ ସେ ହମାତର ପ୍ରବେଶ ସ୍ଥାନଠାରୁ ଆରାବା ସମୁଦ୍ର ପର୍ଯ୍ୟନ୍ତ ଇସ୍ରାଏଲର ସୀମା ପୁନର୍ବାର ହସ୍ତଗତ କଲେ।
\s5
\v 26 କାରଣ ସଦାପ୍ରଭୁ ଦେଖିଲେ ଯେ, ଇସ୍ରାଏଲର ଦୁଃଖ ଅତ୍ୟନ୍ତ ତିକ୍ତ; ଯେଣୁ ବନ୍ଦୀ କି ମୁକ୍ତ କେହି ନ ଥିଲେ, କିଅବା ଇସ୍ରାଏଲର ସାହାଯ୍ୟକାରୀ କେହି ନ ଥିଲା।
\v 27 ମାତ୍ର ସଦାପ୍ରଭୁ ଆକାଶମଣ୍ଡଳ ତଳୁ ଇସ୍ରାଏଲର ନାମ ଲୋପ କରିବାକୁ କହିଲେ ନାହିଁ; ଏଣୁ ସେ ଯୋୟାଶ୍‍ଙ୍କର ପୁତ୍ର ଯାରବୀୟାମ୍‍ଙ୍କ ହସ୍ତ ଦ୍ୱାରା ସେମାନଙ୍କୁ ଉଦ୍ଧାର କଲେ।
\s5
\v 28 ଏହି ଯାରବୀୟାମ୍‍ଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ତାଙ୍କର ସମସ୍ତ କ୍ରିୟା ଓ ତାଙ୍କର ପରାକ୍ରମ, ସେ କିପ୍ରକାରେ ଯୁଦ୍ଧ କଲେ ଓ ଇସ୍ରାଏଲ ପାଇଁ ସେ କିପ୍ରକାରେ ଯିହୁଦାର ପୂର୍ବାଧିକୃତ ଦମ୍ମେଶକ ଓ ହମାତ ପୁନର୍ବାର ହସ୍ତଗତ କଲେ, ଏସବୁ କ’ଣ ଇସ୍ରାଏଲର ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ ?
\v 29 ଏଥିଉତ୍ତାରେ ଯାରବୀୟାମଙ୍କ ମୃତ୍ୟୁ ପରେ ସେ ଇସ୍ରାଏଲର ରାଜାମାନଙ୍କ ସହିତ କବର ପ୍ରାପ୍ତ ହେଲେ; ପୁଣି ତାଙ୍କର ପୁତ୍ର ଜିଖରୀୟ ତାଙ୍କ ପଦରେ ରାଜ୍ୟ କଲେ।
\s5
\c 15
\s ଯିହୁଦାର ରାଜା ଅସରୀୟ
\p
\v 1 ଇସ୍ରାଏଲର ରାଜା ଯାରବୀୟାମ୍‍ଙ୍କ ରାଜତ୍ଵର ସତାଇଶ ବର୍ଷରେ ଯିହୁଦାର ରାଜା ଅମତ୍‍ସୀୟଙ୍କର ପୁତ୍ର ଅସରୀୟ ରାଜତ୍ଵ କରିବାକୁ ଆରମ୍ଭ କଲେ।
\v 2 ସେ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ଷୋଳ ବର୍ଷ ବୟସ୍କ ହୋଇଥିଲେ; ଆଉ ସେ ଯିରୂଶାଲମରେ ବାବନ ବର୍ଷ ରାଜ୍ୟ କଲେ; ତାଙ୍କ ମାତାଙ୍କର ନାମ ଯିଖଲୀୟା, ସେ ଯିରୂଶାଲମ ନିବାସିନୀ ଥିଲେ।
\v 3 ପୁଣି ସେ ଆପଣା ପିତା ଅମତ୍‍ସୀୟଙ୍କର ସମସ୍ତ କ୍ରିୟାନୁସାରେ ସଦାପ୍ରଭୁଙ୍କ ଦୃଷ୍ଟିରେ ଯଥାର୍ଥ କର୍ମ କଲେ।
\s5
\v 4 ତଥାପି ଉଚ୍ଚସ୍ଥଳୀମାନ ଦୂରୀକୃତ ହେଲା ନାହିଁ; ଲୋକମାନେ ସେସମୟରେ ହେଁ ଉଚ୍ଚସ୍ଥଳୀମାନରେ ବଳିଦାନ କଲେ ଓ ଧୂପ ଜ୍ୱଳାଇଲେ।
\p
\v 5 ପୁଣି ସଦାପ୍ରଭୁ ରାଜାଙ୍କୁ ଆଘାତ କଲେ, ତହିଁରେ ସେ ଆପଣା ମରଣ ଦିନ ପର୍ଯ୍ୟନ୍ତ କୁଷ୍ଠୀ ହୋଇ ଏକ ପୃଥକ୍‍ ଗୃହରେ ବାସ କଲେ। ଆଉ ରାଜାଙ୍କର ପୁତ୍ର ଯୋଥମ୍‍ ଗୃହର କର୍ତ୍ତା ହୋଇ ଦେଶସ୍ଥ ଲୋକମାନଙ୍କର ବିଚାର କଲେ।
\s5
\v 6 ଏହି ଅସରୀୟଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ତାଙ୍କର ସମସ୍ତ କ୍ରିୟା କ’ଣ ଯିହୁଦାର ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ ?
\v 7 ଏଥିଉତ୍ତାରେ ଅସରୀୟ ମୃତ୍ୟୁବରଣ କଲେ; ତହିଁରେ ଲୋକମାନେ ତାଙ୍କୁ ଦାଉଦ ନଗରରେ ତାଙ୍କର ପିତୃଗଣ ସହିତ କବର ଦେଲେ; ତହୁଁ ତାଙ୍କର ପୁତ୍ର ଯୋଥମ୍‍ ତାଙ୍କର ପଦରେ ରାଜ୍ୟ କଲେ।
\s ଇସ୍ରାଏଲର ରାଜା ଜିଖରୀୟ
\p
\s5
\v 8 ଯିହୁଦାର ରାଜା ଅସରୀୟଙ୍କ ରାଜତ୍ଵର ଅଠତିରିଶ ବର୍ଷରେ ଯାରବୀୟାମ୍‍ଙ୍କ ପୁତ୍ର ଜିଖରୀୟ ଶମରୀୟାରେ ଇସ୍ରାଏଲ ଉପରେ ଛଅ ମାସ ରାଜ୍ୟ କଲେ।
\v 9 ପୁଣି ସେ ଆପଣା ପୂର୍ବପୁରୁଷମାନଙ୍କ ପରି ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ; ନବାଟର ପୁତ୍ର ଯାରବୀୟାମ ଯଦ୍ଦ୍ୱାରା ଇସ୍ରାଏଲକୁ ପାପ କରାଇଥିଲେ, ତାଙ୍କର ସେହି ସମସ୍ତ ପାପରୁ ସେ ବିମୁଖ ହେଲେ ନାହିଁ।
\s5
\v 10 ଆଉ ଯାବେଶଙ୍କର ପୁତ୍ର ଶଲ୍ଲୁମ୍‍ ତାଙ୍କ ବିରୁଦ୍ଧରେ ଚକ୍ରାନ୍ତ କରି ଓ ଲୋକମାନଙ୍କ ସମ୍ମୁଖରେ ତାଙ୍କୁ ଆଘାତ କରି ବଧ କଲେ ଓ ତାଙ୍କର ପଦରେ ରାଜ୍ୟ କଲେ।
\v 11 ଏହି ଜିଖରୀୟଙ୍କ ଅବଶିଷ୍ଟ ବୃତ୍ତାନ୍ତ ଇସ୍ରାଏଲ ରାଜାମାନଙ୍କ ଇତିହାସ ପୁସ୍ତକରେ ଲିଖିତ ଅଛି।
\v 12 ସଦାପ୍ରଭୁ ଯେହୂଙ୍କୁ ଏହି କଥା କହିଥିଲେ, ଯଥା, “ତୁମ୍ଭ ପୁତ୍ରମାନେ ଚତୁର୍ଥ ପୁରୁଷ ପର୍ଯ୍ୟନ୍ତ ଇସ୍ରାଏଲର ସିଂହାସନରେ ଉପବିଷ୍ଟ ହେବେ।” ଆଉ ସେହିପରି ହେଲା।
\s ଇସ୍ରାଏଲର ରାଜା ଶଲ୍ଲୁମ୍‍
\p
\s5
\v 13 ଯିହୁଦାର ରାଜା ଉଷୀୟଙ୍କ ରାଜତ୍ଵର ଅଣଚାଳିଶ ବର୍ଷରେ ଯାବେଶଙ୍କର ପୁତ୍ର ଶଲ୍ଲୁମ୍‍ ରାଜତ୍ଵ କରିବାକୁ ଆରମ୍ଭ କଲେ; ଆଉ ସେ ଶମରୀୟାରେ ଏକ ମାସ କାଳ ରାଜ୍ୟ କଲେ।
\v 14 ଆଉ ଗାଦିର ପୁତ୍ର ମନହେମ୍‍ ତିର୍ସାରୁ ଯାଇ ଶମରୀୟାରେ ଉପସ୍ଥିତ ହେଲେ ଓ ଯାବେଶଙ୍କର ପୁତ୍ର ଶଲ୍ଲୁମ୍‍ଙ୍କୁ ଶମରୀୟାରେ ଆଘାତ କରି ବଧ କଲେ, ପୁଣି ତାଙ୍କ ପଦରେ ରାଜ୍ୟ କଲେ।
\s5
\v 15 ଏହି ଶଲ୍ଲୁମ୍‍ଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ତାଙ୍କର କୃତ ଚକ୍ରାନ୍ତ ଇସ୍ରାଏଲ ରାଜାମାନଙ୍କ ଇତିହାସ ପୁସ୍ତକରେ ଲିଖିତ ଅଛି।
\v 16 ଏଥିଉତ୍ତାରେ ମନହେମ୍‍ ତିର୍ସାଠାରୁ, ତିପ୍‍ସହ ଓ ତନ୍ମଧ୍ୟବର୍ତ୍ତୀ ସମସ୍ତଙ୍କୁ, ପୁଣି ତିପ୍‍ସହର ସମସ୍ତ ଅଞ୍ଚଳକୁ ଆଘାତ କଲେ। ଲୋକମାନେ ତାଙ୍କ ପାଇଁ ନଗର ମୁକ୍ତ ନ କରିବାରୁ ସେ ତାହା ଆଘାତ କଲେ; ପୁଣି ତନ୍ମଧ୍ୟବର୍ତ୍ତିନୀ ଗର୍ଭବତୀ ସ୍ତ୍ରୀ ସମସ୍ତଙ୍କର ଉଦର ବିଦୀର୍ଣ୍ଣ କଲେ।
\s ଇସ୍ରାଏଲର ରାଜା ମନହେମ୍‍
\p
\s5
\v 17 ଯିହୁଦାର ରାଜା ଅସରୀୟଙ୍କ ରାଜତ୍ଵର ଅଣଚାଳିଶ ବର୍ଷରେ ଗାଦିର ପୁତ୍ର ମନହେମ୍‍ ଇସ୍ରାଏଲ ଉପରେ ରାଜତ୍ଵ କରିବାକୁ ଆରମ୍ଭ କରି ଶମରୀୟାରେ ଦଶ ବର୍ଷ ରାଜ୍ୟ କଲେ।
\v 18 ପୁଣି ସେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ; ନବାଟର ପୁତ୍ର ଯାରବୀୟାମ ଯଦ୍ଦ୍ୱାରା ଇସ୍ରାଏଲକୁ ପାପ କରାଇଥିଲେ, ତାଙ୍କର ସେହି ସମସ୍ତ ପାପରୁ ସେ ଆପଣାର ଯାବଜ୍ଜୀବନ ବିମୁଖ ହେଲେ ନାହିଁ।
\p
\s5
\v 19 ଅଶୂରର ରାଜା ପୂଲ୍‍ ଦେଶର ବିରୁଦ୍ଧରେ ଆସନ୍ତେ, ମନହେମ୍‍ ଆପଣା ହସ୍ତରେ ରାଜ୍ୟ ଦୃଢ଼ କରିବା ପାଇଁ ଯେପରି ପୂଲ୍‍ର ହସ୍ତ ତାଙ୍କର ସହାୟ ହେବ, ଏଥିପାଇଁ ସେ ତାହାକୁ ଏକ ସହସ୍ର ତାଳନ୍ତ ରୂପା ଦେଲେ।
\v 20 ପୁଣି ମନହେମ୍‍ ଏହି ମୁଦ୍ରା ଇସ୍ରାଏଲ ମଧ୍ୟରୁ ଆଦାୟ କଲେ, ଅର୍ଥାତ୍‍, ଅଶୂରର ରାଜାକୁ ଦେବା ପାଇଁ ସମଗ୍ର ଧନଶାଳୀ ଲୋକଙ୍କର ପ୍ରତିଜଣଠାରୁ ପଚାଶ ଶେକଲ ଲେଖାଏଁ ରୂପା
\f +
\fr 15:20
\ft ୬୦୦ ଗ୍ରାମ୍ ରୂପା
\f* ନେଲେ, ତହିଁରେ ଅଶୂରର ରାଜା ଫେରିଗଲା ଓ ଦେଶର ସେସ୍ଥାନରେ ରହିଲା ନାହିଁ।
\s5
\v 21 ଏହି ମନହେମ୍‍ଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ତାଙ୍କର ସମସ୍ତ କ୍ରିୟା କ’ଣ ଇସ୍ରାଏଲ ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ ?
\v 22 ଏଥିଉତ୍ତାରେ ମନହେମ୍‍ ମୃତ୍ୟୁବରଣ କଲେ; ତହୁଁ ତାଙ୍କର ପୁତ୍ର ପକହୀୟ ତାଙ୍କ ପଦରେ ରାଜ୍ୟ କଲେ।
\s ଇସ୍ରାଏଲର ରାଜା ପକହୀୟ
\p
\s5
\v 23 ଯିହୁଦାର ରାଜା ଅସରୀୟଙ୍କ ରାଜତ୍ଵର ପଚାଶ ବର୍ଷରେ ମନହେମ୍‍ଙ୍କର ପୁତ୍ର ପକହୀୟ ଶମରୀୟାରେ ଇସ୍ରାଏଲ ଉପରେ ରାଜତ୍ଵ କରିବାକୁ ଆରମ୍ଭ କରି ଦୁଇ ବର୍ଷ ରାଜ୍ୟ କଲେ।
\v 24 ପୁଣି ସେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ; ନବାଟର ପୁତ୍ର ଯାରବୀୟାମ ଯଦ୍ଦ୍ୱାରା ଇସ୍ରାଏଲକୁ ପାପ କରାଇଥିଲେ, ତାଙ୍କର ସେହି ସମସ୍ତ ପାପରୁ ସେ ବିମୁଖ ହେଲେ ନାହିଁ।
\p
\s5
\v 25 ଆଉ ରମଲୀୟଙ୍କର ପୁତ୍ର ପେକହ ନାମକ ତାଙ୍କର ସେନାପତି ତାଙ୍କ ବିରୁଦ୍ଧରେ ଚକ୍ରାନ୍ତ କରି ତାଙ୍କୁ ଓ ତାଙ୍କ ସଙ୍ଗେ ଅର୍ଗୋବ ଓ ଅରୀୟିକୁ ଶମରୀୟାସ୍ଥ ରାଜଗୃହର ଦୁର୍ଗରେ ଆଘାତ କଲେ। ପୁଣି ତାଙ୍କ ସଙ୍ଗେ ପଚାଶ ଜଣ ଗିଲୀୟଦୀୟ ଲୋକ ଥିଲେ; ଆଉ ସେ ତାଙ୍କୁ ବଧ କରି ତାଙ୍କ ପଦରେ ରାଜ୍ୟ କଲେ।
\v 26 ଏହି ପକହୀୟଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ତାଙ୍କର ସମସ୍ତ କ୍ରିୟା ଇସ୍ରାଏଲ ରାଜାମାନଙ୍କ ଇତିହାସ ପୁସ୍ତକରେ ଲିଖିତ ଅଛି।
\s ଇସ୍ରାଏଲର ରାଜା ପେକହ
\p
\s5
\v 27 ଯିହୁଦାର ରାଜା ଅସରୀୟଙ୍କ ରାଜତ୍ଵର ବାବନ ବର୍ଷରେ ରମଲୀୟଙ୍କର ପୁତ୍ର ପେକହ ଶମରୀୟାରେ ଇସ୍ରାଏଲ ଉପରେ ରାଜତ୍ଵ କରିବାକୁ ଆରମ୍ଭ କରି କୋଡ଼ିଏ ବର୍ଷ ରାଜ୍ୟ କଲେ।
\v 28 ପୁଣି ସେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ; ନବାଟର ପୁତ୍ର ଯାରବୀୟାମ ଯଦ୍ଦ୍ୱାରା ଇସ୍ରାଏଲକୁ ପାପ କରାଇଥିଲେ, ତାଙ୍କର ସେହିସବୁ ପାପରୁ ସେ ବିମୁଖ ହେଲେ ନାହିଁ।
\s5
\v 29 ଇସ୍ରାଏଲର ରାଜା ପେକହଙ୍କର ସମୟରେ ଅଶୂରର ରାଜା ତିଗ୍ଲାତ୍‍-ପିଲେସର୍ ଆସି ଇୟୋନ୍‍ ଓ ଆବେଲ୍‍-ବେଥ୍-ମାଖା ଓ ଯାନୋହ ଓ କେଦଶ ଓ ହାସୋର ଓ ଗିଲୀୟଦ ଓ ଗାଲିଲୀ ଓ ସମୁଦାୟ ନପ୍ତାଲି ଦେଶ ହସ୍ତଗତ କଲା; ଆଉ ସେ ଲୋକମାନଙ୍କୁ ବନ୍ଦୀ କରି ଅଶୂରକୁ ନେଇଗଲା।
\v 30 ଏଥିଉତ୍ତାରେ ଏଲାଙ୍କର ପୁତ୍ର ହୋଶେୟ ରମଲୀୟଙ୍କର ପୁତ୍ର ପେକହଙ୍କ ବିରୁଦ୍ଧରେ ଚକ୍ରାନ୍ତ କଲେ ଓ ସେ ତାଙ୍କୁ ଆଘାତ କରି ବଧ କଲେ, ପୁଣି ଉଷୀୟଙ୍କର ପୁତ୍ର ଯୋଥମ୍‍ଙ୍କ ରାଜତ୍ଵର କୋଡ଼ିଏ ବର୍ଷରେ ସେ ପେକହଙ୍କ ପଦରେ ରାଜ୍ୟ କଲେ।
\v 31 ଏହି ପେକହଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ତାଙ୍କର ସମସ୍ତ କ୍ରିୟା ଇସ୍ରାଏଲର ରାଜାମାନଙ୍କର ଇତିହାସ ପୁସ୍ତକରେ ଲିଖିତ ଅଛି।
\s ଯିହୁଦାର ରାଜା ଯୋଥମ୍‍
\p
\s5
\v 32 ଇସ୍ରାଏଲର ରାଜା ରମଲୀୟଙ୍କର ପୁତ୍ର ପେକହଙ୍କ ରାଜତ୍ଵର ଦ୍ୱିତୀୟ ବର୍ଷରେ ଯିହୁଦାର ରାଜା ଉଷୀୟଙ୍କର ପୁତ୍ର ଯୋଥମ୍‍ ରାଜତ୍ଵ କରିବାକୁ ଆରମ୍ଭ କଲେ।
\v 33 ସେ ରାଜତ୍ଵ କରିବାକୁ ଆରମ୍ଭ କରିବା ସମୟରେ ପଚିଶ ବର୍ଷ ବୟସ୍କ ହୋଇଥିଲେ ଓ ସେ ଯିରୂଶାଲମରେ ଷୋଳ ବର୍ଷ ରାଜ୍ୟ କଲେ। ଆଉ ତାଙ୍କ ମାତାଙ୍କର ନାମ ଯିରୁଶା, ସେ ସାଦୋକର କନ୍ୟା ଥିଲେ।
\p
\s5
\v 34 ଯୋଥମ୍‍ ସଦାପ୍ରଭୁଙ୍କ ଦୃଷ୍ଟିରେ ଯଥାର୍ଥ କର୍ମ କଲେ; ସେ ଆପଣା ପିତା ଉଷୀୟଙ୍କର ସମସ୍ତ କ୍ରିୟାନୁସାରେ କର୍ମ କଲେ।
\v 35 ତଥାପି ଉଚ୍ଚସ୍ଥଳୀମାନ ଦୂରୀକୃତ ହେଲା ନାହିଁ; ଲୋକମାନେ ସେସମୟରେ ହେଁ ଉଚ୍ଚସ୍ଥଳୀମାନରେ ବଳିଦାନ କଲେ ଓ ଧୂପ ଜ୍ୱଳାଇଲେ। ସେ ସଦାପ୍ରଭୁଙ୍କ ଗୃହର ଉପର ଦ୍ୱାର ଦୃଢ଼ କଲେ।
\v 36 ଏହି ଯୋଥମ୍‍ଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ତାଙ୍କର ସମସ୍ତ କ୍ରିୟା କ’ଣ ଯିହୁଦା ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ ?
\v 37 ସେସମୟରେ ସଦାପ୍ରଭୁ ଅରାମର ରାଜା ରତ୍‍ସୀନକୁ ଓ ରମଲୀୟଙ୍କର ପୁତ୍ର ପେକହଙ୍କୁ ଯିହୁଦା ବିରୁଦ୍ଧରେ ପଠାଇବାକୁ ଆରମ୍ଭ କଲେ।
\v 38 ଏଥିଉତ୍ତାରେ ଯୋଥମ୍‍ ମୃତ୍ୟୁବରଣ କଲେ ଓ ଆପଣା ପୂର୍ବପୁରୁଷ ଦାଉଦଙ୍କର ନଗରରେ ଆପଣା ପିତୃଗଣ ସହିତ କବର ପ୍ରାପ୍ତ ହେଲେ; ତହୁଁ ତାଙ୍କର ପୁତ୍ର ଆହସ୍‌ ତାଙ୍କର ପଦରେ ରାଜ୍ୟ କଲେ।
\s5
\c 16
\s ଯିହୁଦାର ରାଜା ଆହସ
\p
\v 1 ରମଲୀୟଙ୍କର ପୁତ୍ର ପେକହଙ୍କ ରାଜତ୍ଵର ସତର ବର୍ଷରେ ଯିହୁଦାର ରାଜା ଯୋଥମ୍‍ଙ୍କର ପୁତ୍ର ଆହସ୍‌ ରାଜତ୍ଵ କରିବାକୁ ଆରମ୍ଭ କଲେ।
\v 2 ଆହସ୍‌ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ କୋଡ଼ିଏ ବର୍ଷ ବୟସ୍କ ହୋଇଥିଲେ ଓ ସେ ଯିରୂଶାଲମରେ ଷୋଳ ବର୍ଷ ରାଜ୍ୟ କଲେ; ପୁଣି ସେ ଆପଣା ପୂର୍ବପୁରୁଷ ଦାଉଦଙ୍କ ପରି ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ଦୃଷ୍ଟିରେ ଯଥାର୍ଥ କର୍ମ କଲେ ନାହିଁ।
\s5
\v 3 ମାତ୍ର ସେ ଇସ୍ରାଏଲର ରାଜାମାନଙ୍କ ପଥରେ ଚାଲିଲେ, ଆହୁରି ସଦାପ୍ରଭୁ ଇସ୍ରାଏଲ ସନ୍ତାନଗଣ ସମ୍ମୁଖରୁ ଯେଉଁ ଅନ୍ୟ ଦେଶୀୟମାନଙ୍କୁ ଦୂର କରି ଦେଇଥିଲେ, ସେମାନଙ୍କ ଘୃଣାଯୋଗ୍ୟ ବ୍ୟବହାରାନୁସାରେ ସେ ଆପଣା ପୁତ୍ରକୁ ଅଗ୍ନି ମଧ୍ୟ ଦେଇ ଗମନ କରାଇଲେ।
\v 4 ପୁଣି ସେ ଉଚ୍ଚସ୍ଥଳୀମାନରେ ଓ ପର୍ବତଗଣ ଉପରେ ଓ ପ୍ରତ୍ୟେକ ହରିଦ୍‍ବର୍ଣ୍ଣ ବୃକ୍ଷ ତଳେ ବଳିଦାନ କଲେ ଓ ଧୂପ ଜ୍ୱଳାଇଲେ।
\p
\s5
\v 5 ସେତେବେଳେ ଅରାମର ରାଜା ରତ୍‍ସୀନ ଓ ଇସ୍ରାଏଲର ରାଜା ରମଲୀୟଙ୍କର ପୁତ୍ର ପେକହ ଯୁଦ୍ଧ କରିବା ପାଇଁ ଯିରୂଶାଲମକୁ ଆସିଲେ। ପୁଣି ସେମାନେ ଆହସ୍‌ଙ୍କୁ ଅବରୋଧ କଲେ, ମାତ୍ର ତାଙ୍କୁ ପରାସ୍ତ କରି ପାରିଲେ ନାହିଁ।
\v 6 ସେହି ସମୟରେ ଅରାମର ରାଜା ରତ୍‍ସୀନ, ଏଲତ୍‍ ନଗରକୁ ପୁନର୍ବାର ଅରାମର ଅଧୀନ କରାଇ ଯିହୁଦୀୟମାନଙ୍କୁ ଏଲତ୍‍ରୁ ତଡ଼ିଦେଲା। ତହିଁରେ ଅରାମୀୟମାନେ ଏଲତ୍‍କୁ ଆସି ଆଜି ପର୍ଯ୍ୟନ୍ତ ସେଠାରେ ବାସ କରୁଅଛନ୍ତି।
\p
\s5
\v 7 ଏଥିରେ ଆହସ୍‌ ଅଶୂରର ରାଜା ତିଗ୍ଲାତ୍‍-ପିଲେସର୍ ନିକଟକୁ ଦୂତଗଣ ପଠାଇ କହିଲେ, “ମୁଁ ତୁମ୍ଭର ଦାସ ଓ ତୁମ୍ଭର ପୁତ୍ର; ଆସ, ଅରାମର ରାଜା ହସ୍ତରୁ ଓ ଇସ୍ରାଏଲର ରାଜା ହସ୍ତରୁ ମୋତେ ଉଦ୍ଧାର କର, ଏମାନେ ମୋ’ ବିରୁଦ୍ଧରେ ଉଠୁଅଛନ୍ତି।”
\v 8 ପୁଣି ଆହସ୍‌ ସଦାପ୍ରଭୁଙ୍କ ଗୃହରେ ଓ ରାଜଗୃହର ଭଣ୍ଡାରରେ ପ୍ରାପ୍ତ ସୁନା ଓ ରୂପା ନେଇ ଅଶୂରର ରାଜା ନିକଟକୁ ଦର୍ଶନୀ ରୂପେ ପଠାଇଲେ।
\v 9 ତହିଁରେ ଅଶୂରର ରାଜା ତାଙ୍କର କଥାରେ ମନୋଯୋଗ କଲା; ପୁଣି ଅଶୂରର ରାଜା ଦମ୍ମେଶକ ବିରୁଦ୍ଧରେ ଯାଇ ତାହା ହସ୍ତଗତ କରି ତହିଁର ଲୋକମାନଙ୍କୁ ବନ୍ଦୀ କରି କୀର୍‍ ନଗରକୁ ନେଇଗଲା ଓ ରତ୍‍ସୀନକୁ ବଧ କଲା।
\p
\s5
\v 10 ଏଥିଉତ୍ତାରେ ଆହସ୍‌ ରାଜା ଅଶୂରର ରାଜା ତିଗ୍ଲାତ୍‍-ପିଲେସର୍‌କୁ ସାକ୍ଷାତ କରିବା ପାଇଁ ଦମ୍ମେଶକକୁ ଗଲେ ଓ ଦମ୍ମେଶକରେ ଥିବା ଯଜ୍ଞବେଦି ଦେଖିଲେ; ତହିଁରେ ଆହସ ରାଜା ସେହି ଯଜ୍ଞବେଦିର ସକଳ ଶିଳ୍ପକର୍ମାନୁସାରେ ତହିଁର ଆକୃତି ଓ ନମୁନା ଊରୀୟ ଯାଜକ ନିକଟକୁ ପଠାଇଲେ।
\v 11 ତହୁଁ ଊରୀୟ ଯାଜକ ଏକ ଯଜ୍ଞବେଦି ନିର୍ମାଣ କଲା; ଆହସ୍‌ ରାଜା ଦମ୍ମେଶକରୁ ଯାହା ଯାହା ପଠାଇଥିଲେ, ତଦନୁସାରେ ଆହସ ରାଜା ଦମ୍ମେଶକରୁ ଆସିବା ପୂର୍ବେ ଊରୀୟ ଯାଜକ ସକଳ କର୍ମ କଲା।
\v 12 ପୁଣି ରାଜା ଦମ୍ମେଶକରୁ ଆସିଲା ଉତ୍ତାରେ ରାଜା ସେହି ଯଜ୍ଞବେଦି ଦେଖିଲେ; ଆଉ ରାଜା ସେହି ଯଜ୍ଞବେଦି ନିକଟକୁ ଯାଇ ତହିଁ ଉପରେ ବଳିଦାନ କଲେ।
\s5
\v 13 ପୁଣି ସେ ସେହି ଯଜ୍ଞବେଦି ଉପରେ ଆପଣା ହୋମବଳି ଓ ଭକ୍ଷ୍ୟ ନୈବେଦ୍ୟ ଦଗ୍ଧ କରି ଓ ଆପଣା ପେୟ ନୈବେଦ୍ୟ ଢାଳି ଆପଣା ମଙ୍ଗଳାର୍ଥକ ବଳିର ରକ୍ତ ଛିଞ୍ଚିଲେ।
\v 14 ଆଉ ସେ ସଦାପ୍ରଭୁଙ୍କ ସମ୍ମୁଖସ୍ଥ ପିତ୍ତଳ ଯଜ୍ଞବେଦିକୁ ମନ୍ଦିରର ସମ୍ମୁଖରୁ, ଅର୍ଥାତ୍‍, ଆପଣା ଯଜ୍ଞବେଦି ଓ ସଦାପ୍ରଭୁଙ୍କ ଗୃହର ମଧ୍ୟସ୍ଥାନରୁ ତାହା ଆଣି ଆପଣା ଯଜ୍ଞବେଦିର ଉତ୍ତର ଭାଗରେ ସ୍ଥାପନ କଲେ।
\p
\s5
\v 15 ଆହୁରି ଆହସ୍‌ ରାଜା ଊରୀୟ ଯାଜକକୁ ଆଜ୍ଞା ଦେଇ କହିଲେ, “ପ୍ରଭାତୀୟ ହୋମବଳି ଓ ସାୟଂକାଳୀନ ଭକ୍ଷ୍ୟ ନୈବେଦ୍ୟ ଓ ରାଜାଙ୍କର ହୋମବଳି ଓ ତାଙ୍କର ଭକ୍ଷ୍ୟ ନୈବେଦ୍ୟ, ପୁଣି ଦେଶସ୍ଥ ସମଗ୍ର ଲୋକଙ୍କ ହୋମବଳି ଓ ସେମାନଙ୍କର ଭକ୍ଷ୍ୟ ନୈବେଦ୍ୟ ଓ ପେୟ ନୈବେଦ୍ୟ ବଡ଼ ଯଜ୍ଞବେଦି ଉପରେ ଦଗ୍ଧ କର ଓ ତହିଁ ଉପରେ ହୋମବଳିର ସବୁ ରକ୍ତ ଓ ବଳିଦାନର ସବୁ ରକ୍ତ ଛିଞ୍ଚି ଦିଅ; ମାତ୍ର ପ୍ରଶ୍ନକରଣାର୍ଥେ ପିତ୍ତଳ ଯଜ୍ଞବେଦି ମୋ’ ପାଇଁ ରହିବ।”
\v 16 ଏହିରୂପେ ଊରୀୟ ଯାଜକ ଆହସ୍‌ ରାଜାଙ୍କର ଆଜ୍ଞା ପ୍ରମାଣେ ସବୁ କର୍ମ କଲା।
\s5
\v 17 ପୁଣି ଆହସ୍‌ ରାଜା ବୈଠିକିମାନର ମଧ୍ୟଦେଶ କାଟି ତହିଁରୁ ପ୍ରକ୍ଷାଳନପାତ୍ର ସ୍ଥାନାନ୍ତର କଲେ; ଆଉ ସମୁଦ୍ର ରୂପ ପାତ୍ର ତଳେ ଯେଉଁ ଯେଉଁ ପିତ୍ତଳମୟ ଗୋରୁ ଥିଲା, ସେ ସବୁର ଉପରୁ ତାହା ନେଇ ପଥର ଚଟାଣ ଉପରେ ରଖିଲେ।
\v 18 ଆଉ ସେମାନେ ବିଶ୍ରାମଦିନ ନିମନ୍ତେ ମନ୍ଦିର ମଧ୍ୟରେ ଯେଉଁ ଆବୃତ ପଥ ଓ ରାଜାଙ୍କର ପ୍ରବେଶାର୍ଥେ ଯେଉଁ ବର୍ହିଦ୍ୱାର କରିଥିଲେ, ତାହା ସେ ଅଶୂରର ରାଜାର ଭୟରେ ସଦାପ୍ରଭୁଙ୍କ ମନ୍ଦିର ଆଡ଼କୁ ଫେରାଇଲେ।
\s5
\v 19 ଏହି ଆହସ୍‌ଙ୍କର ଅବଶିଷ୍ଟ କ୍ରିୟାର ବୃତ୍ତାନ୍ତ କ’ଣ ଯିହୁଦା ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ ?
\v 20 ଏଥିଉତ୍ତାରେ ଆହସ୍‌ ମୃତ୍ୟୁବରଣ କଲେ ଓ ଦାଉଦ ନଗରରେ ଆପଣା ପିତୃଲୋକଙ୍କ ସହିତ କବର ପାଇଲେ। ତହୁଁ ତାଙ୍କର ପୁତ୍ର ହିଜକୀୟ ତାଙ୍କର ପଦରେ ରାଜ୍ୟ କଲେ।
\s5
\c 17
\s ଇସ୍ରାଏଲର ରାଜା ହୋଶେୟ
\p
\v 1 ଯିହୁଦାର ରାଜା ଆହସ୍‌ଙ୍କ ରାଜତ୍ଵର ଦ୍ୱାଦଶ ବର୍ଷରେ ଏଲାଙ୍କର ପୁତ୍ର ହୋଶେୟ ଶମରୀୟାରେ ଇସ୍ରାଏଲ ଉପରେ ରାଜତ୍ଵ କରିବାକୁ ଆରମ୍ଭ କରି ନଅ ବର୍ଷ ରାଜ୍ୟ କଲେ।
\v 2 ପୁଣି ସେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ, ମାତ୍ର ଆପଣା ପୂର୍ବବର୍ତ୍ତୀ ଇସ୍ରାଏଲ ରାଜାମାନଙ୍କ ତୁଲ୍ୟ ନୁହେଁ।
\v 3 ତାଙ୍କ ବିରୁଦ୍ଧରେ ଅଶୂରର ରାଜା ଶଲ୍‍ମନେଷର ଆସିଲା; ତହିଁରେ ହୋଶେୟ ତାହାର ଦାସ ହେଲେ ଓ ତାହା ନିକଟକୁ ଦର୍ଶନୀ ଆଣିଲେ।
\s5
\v 4 ଏଥିଉତ୍ତାରେ ଅଶୂରର ରାଜା ହୋଶେୟଙ୍କଠାରେ ଚକ୍ରାନ୍ତ ଭାବ ଦେଖିଲା; କାରଣ ସେ ମିସରର ସୋ ରାଜା ନିକଟକୁ ଦୂତଗଣ ପଠାଇଲେ, ପୁଣି ଅଶୂରର ରାଜାକୁ ଯେପରି ବର୍ଷକୁ ବର୍ଷ ଦର୍ଶନୀ ଦେଉଥିଲେ, ସେପରି ଆଉ ଦେଲେ ନାହିଁ; ଏଣୁ ଅଶୂରର ରାଜା ତାଙ୍କୁ ରୁଦ୍ଧ କରି କାରାଗାରରେ ବନ୍ଦ କଲା।
\s ଇସ୍ରାଏଲର ପତନ ଓ ନିର୍ବାସନ
\p
\v 5 ତହିଁରେ ଅଶୂରର ରାଜା ସମସ୍ତ ଦେଶ ଆକ୍ରମଣ କଲା ଓ ଶମରୀୟାକୁ ଯାଇ ତାହା ତିନି ବର୍ଷ ପର୍ଯ୍ୟନ୍ତ ଅବରୋଧ କଲା।
\v 6 ହୋଶେୟଙ୍କ ରାଜତ୍ଵର ନବମ ବର୍ଷରେ ଅଶୂରର ରାଜା ଶମରୀୟା ହସ୍ତଗତ କଲା ଓ ଇସ୍ରାଏଲକୁ ଅଶୂରକୁ ନେଇ ଯାଇ ହଲହରେ ଓ ହାବୋରରେ ଗୋଶନ ନଦୀ ତୀରରେ ଓ ମାଦୀୟମାନଙ୍କ ନାନା ନଗରରେ ରଖିଲା।
\p
\s5
\v 7 ଏଥିର କାରଣ ଏହି, ଇସ୍ରାଏଲ ସନ୍ତାନଗଣର ଯେଉଁ ସଦାପ୍ରଭୁ ପରମେଶ୍ୱର ସେମାନଙ୍କୁ ମିସର ଦେଶରୁ, ଅର୍ଥାତ୍‍, ମିସ୍ରୀୟ ରାଜା ଫାରୋର ହସ୍ତାଧୀନରୁ ବାହାର କରି ଆଣିଥିଲେ, ତାହାଙ୍କ ବିରୁଦ୍ଧରେ ସେମାନେ ପାପ କରି ଅନ୍ୟ ଦେବଗଣକୁ ଭୟ କଲେ,
\v 8 ଓ ସଦାପ୍ରଭୁ ଇସ୍ରାଏଲ ସନ୍ତାନଗଣ ସମ୍ମୁଖରୁ ଯେଉଁ ଅନ୍ୟ ଦେଶୀୟମାନଙ୍କୁ ଦୂର କରି ଦେଇଥିଲେ, ସେମାନଙ୍କ ଓ ଇସ୍ରାଏଲ ରାଜାମାନଙ୍କ ସ୍ଥାପିତ ବିଧିରେ ଚାଲିଲେ।
\s5
\v 9 ଆହୁରି ଇସ୍ରାଏଲ ସନ୍ତାନଗଣ ଗୋପନରେ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କ ବିରୁଦ୍ଧରେ ଅଯଥାର୍ଥ କର୍ମ କଲେ ଓ ପ୍ରହରୀମାନଙ୍କ ଦୁର୍ଗଠାରୁ ପ୍ରାଚୀରବେଷ୍ଟିତ ନଗର ପର୍ଯ୍ୟନ୍ତ ଆପଣାମାନଙ୍କ ସକଳ ନଗରରେ ଉଚ୍ଚସ୍ଥଳୀମାନ ପ୍ରସ୍ତୁତ କଲେ।
\v 10 ଆଉ ସେମାନେ ଆପଣାମାନଙ୍କ ପାଇଁ ପ୍ରତ୍ୟେକ ଉଚ୍ଚ ପର୍ବତ ଉପରେ ଓ ପ୍ରତ୍ୟେକ ହରିଦ୍‍ବର୍ଣ୍ଣ ବୃକ୍ଷମୂଳେ ସ୍ତମ୍ଭ ଓ ଆଶେରାମୂର୍ତ୍ତିମାନ ସ୍ଥାପନ କଲେ।
\s5
\v 11 ପୁଣି ସେଠାସ୍ଥିତ ସକଳ ଉଚ୍ଚସ୍ଥଳୀରେ ସଦାପ୍ରଭୁଙ୍କ ଦ୍ୱାରା ସେମାନଙ୍କ ସମ୍ମୁଖରୁ ଦୂରୀକୃତ ଅନ୍ୟ ଦେଶୀୟମାନଙ୍କ ତୁଲ୍ୟ ସେମାନେ ଧୂପ ଜ୍ୱଳାଇଲେ ଓ ସଦାପ୍ରଭୁଙ୍କୁ ବିରକ୍ତ କରିବା ପାଇଁ ଦୁଷ୍କର୍ମ କଲେ।
\v 12 ପୁଣି “ତୁମ୍ଭେମାନେ ଏହି କର୍ମ କରିବ ନାହିଁ।” ବୋଲି ସଦାପ୍ରଭୁ ଯେଉଁ ଦେବତାମାନଙ୍କ ବିଷୟରେ ସେମାନଙ୍କୁ କହିଥିଲେ, ସେହି ଦେବତାମାନଙ୍କୁ ସେମାନେ ସେବା କଲେ।
\p
\s5
\v 13 ତଥାପି ସଦାପ୍ରଭୁ ପ୍ରତ୍ୟେକ ଭବିଷ୍ୟଦ୍‍ବକ୍ତା ଓ ପ୍ରତ୍ୟେକ ଦର୍ଶକ ଦ୍ୱାରା ଇସ୍ରାଏଲ ପ୍ରତି ଓ ଯିହୁଦା ପ୍ରତି ସାକ୍ଷ୍ୟ ଦେଇ କହିଲେ, “ତୁମ୍ଭେମାନେ ଆପଣାମାନଙ୍କ କୁପଥରୁ ଫେର, ଆଉ ଆମ୍ଭେ ତୁମ୍ଭମାନଙ୍କ ପିତୃଲୋକଙ୍କୁ ଯେସମସ୍ତ ବ୍ୟବସ୍ଥା ଆଜ୍ଞା କରିଅଛୁ ଓ ଯାହା ଆପଣା ଦାସ ଭବିଷ୍ୟଦ୍‍ବକ୍ତାଗଣଙ୍କ ହସ୍ତ ଦ୍ୱାରା ତୁମ୍ଭମାନଙ୍କ ନିକଟକୁ ପଠାଇଅଛୁ, ତଦନୁସାରେ ଆମ୍ଭର ଆଜ୍ଞା ଓ ବିଧିସବୁ ପାଳନ କର।”
\p
\s5
\v 14 ତଥାପି ସେମାନେ ଶୁଣିବାକୁ ସମ୍ମତ ହେଲେ ନାହିଁ, ମାତ୍ର ସେମାନଙ୍କର ଯେଉଁ ପିତୃଲୋକମାନେ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କଠାରେ ବିଶ୍ୱାସ କଲେ ନାହିଁ, ସେମାନଙ୍କ ଗ୍ରୀବା ତୁଲ୍ୟ ଆପଣାମାନଙ୍କ ଗ୍ରୀବା ଶକ୍ତ କଲେ।
\v 15 ପୁଣି ସେମାନେ ତାହାଙ୍କର ବିଧି ଓ ସେମାନଙ୍କ ପିତୃଗଣ ସହିତ କୃତ ତାହାଙ୍କର ନିୟମ ଓ ସେମାନଙ୍କ ପ୍ରତି ଦତ୍ତ ତାହାଙ୍କର ସାକ୍ଷ୍ୟସବୁ ଅଗ୍ରାହ୍ୟ କଲେ। ଆଉ ସେମାନେ ଅସାରତାର ଅନୁଗାମୀ ହୋଇ ଅସାର ହେଲେ ଓ ସଦାପ୍ରଭୁ ଯେଉଁମାନଙ୍କ ତୁଲ୍ୟ କର୍ମ ନ କରିବାକୁ ସେମାନଙ୍କୁ ଆଜ୍ଞା ଦେଇଥିଲେ; ଆପଣାମାନଙ୍କ ଚତୁର୍ଦ୍ଦିଗସ୍ଥ ସେହି ଅନ୍ୟ ଦେଶୀୟମାନଙ୍କର ପଶ୍ଚାଦ୍‍ଗାମୀ ହେଲେ।
\s5
\v 16 ପୁଣି ସେମାନେ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କର ସକଳ ଆଜ୍ଞା ତ୍ୟାଗ କଲେ ଓ ଆପଣାମାନଙ୍କ ନିମନ୍ତେ ଛାଞ୍ଚରେ ଢଳା ପ୍ରତିମା, ଅର୍ଥାତ୍‍, ଦୁଇ ଗୋବତ୍ସ ଓ ଆଶେରାମୂର୍ତ୍ତି ନିର୍ମାଣ କଲେ, ଆଉ ଆକାଶସ୍ଥ ବାହିନୀ ସକଳକୁ ପ୍ରଣାମ କଲେ ଓ ବାଲ୍‍ର ସେବା କଲେ।
\v 17 ପୁଣି ସେମାନେ ଆପଣାମାନଙ୍କ ପୁତ୍ରକନ୍ୟାଗଣକୁ ଅଗ୍ନି ମଧ୍ୟ ଦେଇ ଗମନ କରାଇଲେ, ପୁଣି ମନ୍ତ୍ର ଓ ଗଣକତା ବ୍ୟବହାର କଲେ, ଆଉ ସଦାପ୍ରଭୁଙ୍କୁ ବିରକ୍ତ କରିବା ପାଇଁ ତାହାଙ୍କ ଦୃଷ୍ଟିରେ କୁକର୍ମ କରିବାକୁ ଆପଣାମାନଙ୍କୁ ବିକ୍ରୟ କଲେ।
\p
\v 18 ଏହେତୁ ସଦାପ୍ରଭୁ ଇସ୍ରାଏଲ ଉପରେ ଅତିଶୟ କ୍ରୁଦ୍ଧ ହେଲେ ଓ ସେମାନଙ୍କୁ ଆପଣା ଦୃଷ୍ଟିରୁ ଦୂର କଲେ। କେବଳ ଯିହୁଦା ଗୋଷ୍ଠୀ ଛଡ଼ା ଆଉ କେହି ଅବଶିଷ୍ଟ ରହିଲା ନାହିଁ।
\s5
\v 19 ଯିହୁଦା ମଧ୍ୟ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କ ଆଜ୍ଞାସବୁ ପ୍ରତିପାଳନ କଲେ ନାହିଁ, ମାତ୍ର ଇସ୍ରାଏଲର କୃତ ବିଧିରେ ଚାଲିଲେ।
\v 20 ଏଣୁ ସଦାପ୍ରଭୁ ସମୁଦାୟ ଇସ୍ରାଏଲ ବଂଶକୁ ଅଗ୍ରାହ୍ୟ କଲେ ଓ ସେମାନଙ୍କୁ କ୍ଳେଶ ଦେଲେ ଓ ଆପଣା ଦୃଷ୍ଟିରୁ ସେମାନଙ୍କୁ ଦୂର ନ କରିବା ପର୍ଯ୍ୟନ୍ତ ଲୁଟକାରୀମାନଙ୍କ ହସ୍ତରେ ସମର୍ପଣ କଲେ।
\s5
\v 21 କାରଣ ସେ ଦାଉଦ ବଂଶରୁ ଇସ୍ରାଏଲକୁ ଛିନ୍ନ କଲେ; ଆଉ ସେମାନେ ନବାଟର ପୁତ୍ର ଯାରବୀୟାମଙ୍କୁ ରାଜା କଲେ ଓ ଯାରବୀୟାମ ଇସ୍ରାଏଲକୁ ସଦାପ୍ରଭୁଙ୍କ ଅନୁଗମନରୁ ତଡ଼ିଦେଇ ସେମାନଙ୍କୁ ଏକ ମହାପାପ କରାଇଲେ।
\v 22 ପୁଣି ଇସ୍ରାଏଲ ସନ୍ତାନଗଣ ଯାରବୀୟାମଙ୍କ କୃତ ସମସ୍ତ ପାପରେ ଚାଲିଲେ; ସେମାନେ ତହିଁରୁ ବିମୁଖ ହେଲେ ନାହିଁ।
\v 23 ଶେଷରେ ସଦାପ୍ରଭୁ ଆପଣାର ସମସ୍ତ ସେବକ ଭବିଷ୍ୟଦ୍‍ବକ୍ତାଙ୍କ ହସ୍ତରେ ଯେପରି କହିଥିଲେ, ତଦନୁସାରେ ସେ ଆପଣା ଦୃଷ୍ଟିରୁ ଇସ୍ରାଏଲକୁ ଦୂର କଲେ। ତେଣୁ ଇସ୍ରାଏଲ ଆପଣାମାନଙ୍କ ଦେଶରୁ ଅଶୂରକୁ ନିଆଗଲେ ଓ ଆଜି ପର୍ଯ୍ୟନ୍ତ ସେଠାରେ ଅଛନ୍ତି।
\s ବିଜାତୀୟ ଗୋଷ୍ଠୀଙ୍କୁ ଶମରୀୟାରେ ସ୍ଥାପନ
\p
\s5
\v 24 ଏଥିଉତ୍ତାରେ ଅଶୂରର ରାଜା, ବାବିଲ ଓ କୂଥା ଓ ଅବ୍ଦା ଓ ହମାତ ଓ ସଫର୍ବୟିମଠାରୁ ଲୋକ ଆଣି ଇସ୍ରାଏଲ ସନ୍ତାନଗଣ ବଦଳେ ଶମରୀୟାର ନାନା ନଗରରେ ସେମାନଙ୍କୁ ସ୍ଥାପନ କଲା; ତହୁଁ ସେମାନେ ଶମରୀୟା ଅଧିକାର କରି ତହିଁର ନାନା ନଗରରେ ବାସ କଲେ।
\v 25 ସେଠାରେ ସେମାନେ ଆପଣାମାନଙ୍କ ବସତିର ଆରମ୍ଭରେ ସଦାପ୍ରଭୁଙ୍କୁ ଭୟ କଲେ ନାହିଁ। ଏହେତୁ ସଦାପ୍ରଭୁ ସେମାନଙ୍କ ମଧ୍ୟକୁ ସିଂହଗଣ ପଠାଇଲେ ଓ ସିଂହମାନେ ଲୋକମାନଙ୍କ ମଧ୍ୟରୁ କେତେକଙ୍କୁ ବଧ କଲେ।
\v 26 ଏଥିସକାଶୁ ସେମାନେ ଅଶୂରର ରାଜାକୁ କହିଲେ, “ଆପଣ ଯେଉଁ ଗୋଷ୍ଠୀୟମାନଙ୍କୁ ନେଇ ଶମରୀୟାର ନଗରମାନରେ ସ୍ଥାପନ କରିଅଛନ୍ତି; ସେମାନେ ଏ ଦେଶୀୟ ଦେବତାର ରୀତି ଜାଣନ୍ତି ନାହିଁ। ଏଥିପାଇଁ ସେ ସେମାନଙ୍କ ମଧ୍ୟକୁ ସିଂହଗଣ ପଠାଇଅଛନ୍ତି, ଆଉ ଦେଖନ୍ତୁ, ସେମାନେ ଲୋକମାନଙ୍କୁ ବଧ କରୁଅଛନ୍ତି, କାରଣ ଲୋକମାନେ ଏ ଦେଶୀୟ ଦେବତାର ରୀତି ଜାଣନ୍ତି ନାହିଁ।”
\s5
\v 27 ଏଥିରେ ଅଶୂରର ରାଜା ଆଜ୍ଞା ଦେଇ କହିଲା, “ତୁମ୍ଭେମାନେ ସେଠାରୁ ଯେଉଁ ଯାଜକମାନଙ୍କୁ ଆଣିଅଛ, ସେମାନଙ୍କ ମଧ୍ୟରୁ ଜଣକୁ ସେଠାକୁ ନେଇ ଯାଅ। ସେମାନେ ସେଠାକୁ ଯାଇ ବାସ କରନ୍ତୁ ଓ ସେହି ଯାଜକ ସେଦେଶୀୟ ଦେବତାର ରୀତି ଲୋକମାନଙ୍କୁ ଶିଖାଉ।”
\p
\v 28 ତହିଁରେ ସେମାନେ ଯେଉଁ ଯାଜକମାନଙ୍କୁ ଶମରୀୟାରୁ ନେଇ ଯାଇଥିଲେ, ସେମାନଙ୍କ ମଧ୍ୟରୁ ଜଣେ ଆସି ବେଥେଲ୍‍ରେ ବାସ କଲା ଓ କିପ୍ରକାରେ ସଦାପ୍ରଭୁଙ୍କୁ ଭୟ କରିବା କର୍ତ୍ତବ୍ୟ, ତାହା ସେମାନଙ୍କୁ ଶିଖାଇଲା।
\s5
\v 29 ତଥାପି ପ୍ରତ୍ୟେକ ଗୋଷ୍ଠୀ ଆପଣା ଆପଣାର ଦେବତା ନିର୍ମାଣ କଲେ ଓ ଶମରୀୟ ଲୋକମାନେ ଉଚ୍ଚସ୍ଥଳୀମାନରେ ଯେସବୁ ଗୃହ ନିର୍ମାଣ କରିଥିଲେ; ତହିଁ ମଧ୍ୟରେ ପ୍ରତ୍ୟେକ ଗୋଷ୍ଠୀ ଆପଣା ଆପଣା ନିବାସ ନଗରରେ ଆପଣା ଆପଣାର ଦେବତା ସ୍ଥାପନ କଲେ।
\v 30 ପୁଣି ବାବିଲୀୟ ଲୋକମାନେ ସୁକ୍‍‌‌କୋତ୍‍ ବନୋତ୍‍ ନିର୍ମାଣ କଲେ, ଓ କୂଥୀୟ ଲୋକମାନେ ନେର୍ଗଲ ନିର୍ମାଣ କଲେ, ଓ ହମାତୀୟ ଲୋକମାନେ ଅଶୀମା ନିର୍ମାଣ କଲେ,
\v 31 ଓ ଅବ୍ବୀୟ ଲୋକମାନେ ନିଭସ୍‍ ଓ ତର୍ତ୍ତକ୍‍ ନିର୍ମାଣ କଲେ, ଓ ସଫର୍ବୀୟ ଲୋକମାନେ ସଫର୍ବୟିମର ଅଦ୍ରମ୍ମେଲକ୍‍ ଓ ଅନମ୍ମେଲକ୍‍ ଦେବତାମାନଙ୍କ ଉଦ୍ଦେଶ୍ୟରେ ଆପଣାମାନଙ୍କ ସନ୍ତାନମାନଙ୍କୁ ଅଗ୍ନିରେ ଦଗ୍ଧ କଲେ।
\p
\s5
\v 32 ଏହିରୂପେ ସେମାନେ ସଦାପ୍ରଭୁଙ୍କୁ ମଧ୍ୟ ଭୟ କଲେ ଏବଂ ଆପଣାମାନଙ୍କ ନିମନ୍ତେ ଆପଣାମାନଙ୍କ ମଧ୍ୟରୁ ଉଚ୍ଚସ୍ଥଳୀ ସବୁର ଯାଜକମାନଙ୍କୁ ମଧ୍ୟ ନିଯୁକ୍ତ କଲେ। ସେମାନେ ସେମାନଙ୍କ ନିମନ୍ତେ ଉଚ୍ଚସ୍ଥଳୀର ଗୃହସବୁରେ ବଳିଦାନ କଲେ।
\v 33 ସେମାନେ ସଦାପ୍ରଭୁଙ୍କୁ ମଧ୍ୟ ଭୟ କଲେ, ପୁଣି ଯେଉଁ ଗୋଷ୍ଠୀୟମାନଙ୍କ ମଧ୍ୟରୁ ସେମାନେ ନୀତ ହୋଇଥିଲେ, ସେମାନଙ୍କ ରୀତି ଅନୁସାରେ ଆପଣା ଆପଣା ଦେବତାମାନଙ୍କର ମଧ୍ୟ ସେବା କଲେ।
\s5
\v 34 ସେମାନେ ଆଜି ପର୍ଯ୍ୟନ୍ତ ପୂର୍ବ ରୀତି ଅନୁସାରେ କରୁଅଛନ୍ତି; ସେମାନେ ସଦାପ୍ରଭୁଙ୍କୁ ଭୟ କରୁ ନାହାନ୍ତି, କିଅବା ସଦାପ୍ରଭୁ ଯେଉଁ ଯାକୁବଙ୍କୁ ଇସ୍ରାଏଲ ନାମ ଦେଇଥିଲେ, ତାଙ୍କ ସନ୍ତାନଗଣର ସେମାନଙ୍କର ବିଧି ଅନୁସାରେ ଓ ସେମାନଙ୍କ ଶାସନାନୁସାରେ ଓ ସେମାନଙ୍କୁ ଦତ୍ତ ତାହାଙ୍କର ବ୍ୟବସ୍ଥା ଓ ଆଜ୍ଞାନୁସାରେ କରୁ ନାହାନ୍ତି।
\p
\v 35 ସେହି ଯାକୁବ ସନ୍ତାନଗଣ ସଙ୍ଗେ ସଦାପ୍ରଭୁ ଏକ ନିୟମ କରି ସେମାନଙ୍କୁ ଆଜ୍ଞା ଦେଇ କହିଥିଲେ, “ତୁମ୍ଭେମାନେ ଅନ୍ୟ ଦେବଗଣକୁ ଭୟ କରିବ ନାହିଁ କି ସେମାନଙ୍କୁ ପ୍ରଣାମ କରିବ ନାହିଁ, କିଅବା ସେମାନଙ୍କର ସେବା କରି ସେମାନଙ୍କ ନିକଟରେ ବଳିଦାନ କରିବ ନାହିଁ;
\s5
\v 36 ମାତ୍ର ଯେ ମହାପରାକ୍ରମ ଓ ବିସ୍ତୀର୍ଣ୍ଣ ବାହୁ ଦ୍ୱାରା ତୁମ୍ଭମାନଙ୍କୁ ମିସର ଦେଶରୁ ବାହାର କରି ଆଣିଅଛନ୍ତି, ସେହି ସଦାପ୍ରଭୁଙ୍କୁ ତୁମ୍ଭେମାନେ ଭୟ କରିବ ଓ ତାହାଙ୍କୁ ପ୍ରଣାମ କରିବ ଓ ତାହାଙ୍କ ନିକଟରେ ବଳିଦାନ କରିବ।
\v 37 ପୁଣି ସେ ତୁମ୍ଭମାନଙ୍କ ପାଇଁ ଯେ ଯେ ବିଧି, ଶାସନ, ବ୍ୟବସ୍ଥା ଓ ଆଜ୍ଞା ଲେଖିଅଛନ୍ତି, ତୁମ୍ଭେମାନେ ସଦାକାଳ ତାହା ପାଳନ କରିବାକୁ ମନୋଯୋଗ କରିବ; ଆଉ ତୁମ୍ଭେମାନେ ବିଦେଶୀୟ ଦେବତାଗଣକୁ ଭୟ କରିବ ନାହିଁ।
\v 38 ପୁଣି ଆମ୍ଭେ ତୁମ୍ଭମାନଙ୍କ ସଙ୍ଗେ ଯେଉଁ ନିୟମ କରିଅଛୁ, ତାହା ପାସୋରିବ ନାହିଁ କିଅବା ବିଦେଶୀୟ ଦେବତାଗଣକୁ ତୁମ୍ଭେମାନେ ଭୟ କରିବ ନାହିଁ।
\s5
\v 39 ମାତ୍ର ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କୁ ତୁମ୍ଭେମାନେ ଭୟ କରିବ; ଆଉ ସେ ତୁମ୍ଭମାନଙ୍କର ସମସ୍ତ ଶତ୍ରୁଠାରୁ ତୁମ୍ଭମାନଙ୍କୁ ଉଦ୍ଧାର କରିବେ।”
\p
\v 40 ତଥାପି ସେମାନେ ତାହା ଶୁଣିଲେ ନାହିଁ ଓ ଆପଣାମାନଙ୍କ ପୂର୍ବ ରୀତି ଅନୁସାରେ କର୍ମ କଲେ।
\v 41 ଏହିରୂପେ ଉକ୍ତ ଗୋଷ୍ଠୀୟମାନେ ସଦାପ୍ରଭୁଙ୍କୁ ଭୟ କଲେ ଓ ଆପଣାମାନଙ୍କ ଖୋଦିତ ପ୍ରତିମାଗଣର ସେବା କଲେ; ସେମାନଙ୍କର ସନ୍ତାନଗଣ ଓ ସେମାନଙ୍କ ସନ୍ତାନଗଣର ସନ୍ତାନଗଣ ମଧ୍ୟ ଆପଣାମାନଙ୍କ ପୂର୍ବପୁରୁଷମାନଙ୍କ ତୁଲ୍ୟ ଆଜି ପର୍ଯ୍ୟନ୍ତ କରୁଅଛନ୍ତି।
\s5
\c 18
\s ଯିହୁଦାର ରାଜା ହିଜକୀୟ
\p
\v 1 ଇସ୍ରାଏଲର ରାଜା ଏଲାଙ୍କ ପୁତ୍ର ହୋଶେୟଙ୍କ ରାଜତ୍ଵର ତୃତୀୟ ବର୍ଷରେ ଯିହୁଦାର ରାଜା ଆହସ୍‌ଙ୍କର ପୁତ୍ର ହିଜକୀୟ ରାଜତ୍ଵ କରିବାକୁ ଆରମ୍ଭ କଲେ।
\v 2 ସେ ରାଜତ୍ଵ କରିବାକୁ ଆରମ୍ଭ କରିବା ସମୟରେ ପଚିଶ ବର୍ଷ ବୟସ୍କ ଥିଲେ; ଆଉ ସେ ଯିରୂଶାଲମରେ ଅଣତିରିଶ ବର୍ଷ ରାଜ୍ୟ କଲେ; ତାଙ୍କର ମାତାଙ୍କର ନାମ ଅବୀ, ସେ ଜିଖରୀୟଙ୍କ କନ୍ୟା ଥିଲେ।
\p
\v 3 ପୁଣି ସେ ଆପଣା ପୂର୍ବପୁରୁଷ ଦାଉଦଙ୍କର ସମସ୍ତ କ୍ରିୟାନୁସାରେ ସଦାପ୍ରଭୁଙ୍କ ଦୃଷ୍ଟିରେ ଯଥାର୍ଥ କର୍ମ କଲେ।
\s5
\v 4 ସେ ଉଚ୍ଚସ୍ଥଳୀସକଳ ଦୂର କରିଦେଲେ ଓ ସ୍ତମ୍ଭସକଳ ଭାଙ୍ଗି ପକାଇଲେ ଓ ଆଶେରାମୂର୍ତ୍ତି କାଟି ପକାଇଲେ; ପୁଣି ମୋଶା ନିର୍ମିତ ପିତ୍ତଳ ସର୍ପ ଖଣ୍ଡ ଖଣ୍ଡ କରି ଭାଙ୍ଗିଦେଲେ; କାରଣ ତହିଁ ଉଦ୍ଦେଶ୍ୟରେ ଇସ୍ରାଏଲ ସନ୍ତାନଗଣ ସେସମୟ ପର୍ଯ୍ୟନ୍ତ ଧୂପ ଜ୍ୱଳାଉଥିଲେ; ଆଉ ସେ ତାହାର ନାମ ନହୁଷ୍ଟର୍ନ (ପିତ୍ତଳ ଖଣ୍ଡ) ରଖିଲେ।
\v 5 ସେ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କଠାରେ ବିଶ୍ୱାସ କଲେ, ତାଙ୍କର ପରବର୍ତ୍ତୀ ଯିହୁଦାର ସମସ୍ତ ରାଜାଙ୍କ ମଧ୍ୟରେ କେହି ତାଙ୍କ ପରି ନ ଥିଲେ, କିଅବା ତାଙ୍କର ପୂର୍ବବର୍ତ୍ତୀମାନଙ୍କ ମଧ୍ୟରେ କେହି ନ ଥିଲେ।
\s5
\v 6 କାରଣ ସେ ସଦାପ୍ରଭୁଙ୍କ ପ୍ରତି ଆସକ୍ତ ହେଲେ, ସେ ତାହାଙ୍କ ଅନୁଗମନରୁ ବିମୁଖ ହେଲେ ନାହିଁ, ଆଉ ସଦାପ୍ରଭୁ ମୋଶାଙ୍କୁ ଯାହା ଆଜ୍ଞା କରିଥିଲେ, ତାହାଙ୍କର ସେସବୁ ଆଜ୍ଞା ସେ ପାଳନ କଲେ।
\p
\v 7 ପୁଣି ସଦାପ୍ରଭୁ ତାଙ୍କର ସହବର୍ତ୍ତୀ ହେଲେ; ସେ ଯେକୌଣସି ଆଡ଼େ ଗଲେ, ସେଆଡ଼େ କୁଶଳ ପ୍ରାପ୍ତ ହେଲେ। ଆଉ ସେ ଅଶୂର ରାଜାର ବିଦ୍ରୋହୀ ହୋଇ ତାହାର ସେବା କଲେ ନାହିଁ।
\v 8 ସେ ଘସା ଓ ତହିଁର ସୀମା ପର୍ଯ୍ୟନ୍ତ ପ୍ରହରୀମାନଙ୍କ ଦୁର୍ଗଠାରୁ ପ୍ରାଚୀରବେଷ୍ଟିତ ନଗର ପର୍ଯ୍ୟନ୍ତ ପଲେଷ୍ଟୀୟମାନଙ୍କୁ ସଂହାର କଲେ।
\s5
\v 9 ଏଥିଉତ୍ତାରେ ହିଜକୀୟ ରାଜାଙ୍କ ରାଜତ୍ଵର ଚତୁର୍ଥ ବର୍ଷରେ, ଅର୍ଥାତ୍‍, ଇସ୍ରାଏଲର ରାଜା ଏଲାଙ୍କର ପୁତ୍ର ହୋଶେୟଙ୍କ ରାଜତ୍ଵର ସପ୍ତମ ବର୍ଷରେ ଅଶୂରର ରାଜା ଶଲ୍‍ମନେଷର ଶମରୀୟା ପ୍ରତିକୂଳରେ ଆସି ତାହା ଅବରୋଧ କଲା।
\v 10 ପୁଣି ତିନି ବର୍ଷର ଶେଷରେ ସେମାନେ ତାହା ହସ୍ତଗତ କଲେ; ହିଜକୀୟଙ୍କ ରାଜତ୍ଵର ଷଷ୍ଠ ବର୍ଷରେ, ଅର୍ଥାତ୍‍, ଇସ୍ରାଏଲର ରାଜା ହୋଶେୟଙ୍କ ରାଜତ୍ଵର ନବମ ବର୍ଷରେ ଶମରୀୟା ହସ୍ତଗତ କରାଗଲା।
\s5
\v 11 ଏଥିଉତ୍ତାରେ ଅଶୂରର ରାଜା ଇସ୍ରାଏଲକୁ ଅଶୂରକୁ ନେଇ ଯାଇ ହଲହରେ ଓ ହାବୋରରେ, ଗୋଶନ ନଦୀ ତୀରରେ ଓ ମାଦୀୟମାନଙ୍କ ନାନା ନଗରରେ ସେମାନଙ୍କୁ ରଖିଲା।
\v 12 କାରଣ ସେମାନେ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କ ରବରେ ଅବଧାନ କଲେ ନାହିଁ, ମାତ୍ର ତାହାଙ୍କ ନିୟମ ଓ ସଦାପ୍ରଭୁଙ୍କ ସେବକ ମୋଶାଙ୍କର ସମସ୍ତ ଆଜ୍ଞା-ଲଙ୍ଘନ କଲେ ଓ ତାହା ଶୁଣିବାକୁ ସମ୍ମତ ହେଲେ ନାହିଁ କି ତାହା ପାଳନ କଲେ ନାହିଁ।
\s ଅଶୂରର ଯିହୁଦାକୁ ଧମକ
\p
\s5
\v 13 ଏଥିଉତ୍ତାରେ ହିଜକୀୟ ରାଜାଙ୍କ ରାଜତ୍ଵର ଚଉଦ ବର୍ଷରେ ଅଶୂରର ରାଜା ସନ୍‍‌‌ହେରୀବ ଯିହୁଦାର ସକଳ ପ୍ରାଚୀରବେଷ୍ଟିତ ନଗର ବିରୁଦ୍ଧରେ ଆସି ତାହାସବୁ ହସ୍ତଗତ କଲା।
\v 14 ଏଥିରେ ଯିହୁଦାର ରାଜା ହିଜକୀୟ ଲାଖୀଶ୍‍କୁ ଅଶୂରର ରାଜା ନିକଟକୁ ଲୋକ ପଠାଇ କହିଲେ, “ମୁଁ ଅପରାଧ କଲି; ମୋ’ ନିକଟରୁ ଫେରି ଯାଉନ୍ତୁ; ଆପଣ ମୋ’ ଉପରେ ଯେଉଁ ଭାର ଥୋଇବେ, ତାହା ମୁଁ ବହିବି।” ତହୁଁ ଅଶୂରର ରାଜା ଯିହୁଦାର ରାଜା ହିଜକୀୟଙ୍କ ଉପରେ ତିନିଶହ ତାଳନ୍ତ ରୂପା
\f +
\fr 18:14
\ft ଏକ ତାଳନ୍ତ ରୂପା ୩୩ କିଲୋଗ୍ରାମ୍ ଅଟେ
\f* ଓ ତିରିଶ ତାଳନ୍ତ ସୁନା ନିରୂପଣ କଲା।
\p
\v 15 ତହିଁରେ ହିଜକୀୟ ସଦାପ୍ରଭୁଙ୍କ ଗୃହରେ ଓ ରାଜଗୃହର ଭଣ୍ଡାରମାନରେ ପ୍ରାପ୍ତ ସମସ୍ତ ରୂପା ତାହାକୁ ଦେଲେ।
\s5
\v 16 ସେସମୟରେ ହିଜକୀୟ ସଦାପ୍ରଭୁଙ୍କ ମନ୍ଦିର ଦ୍ୱାରସବୁରୁ ଓ ଯିହୁଦାର ରାଜା ହିଜକୀୟଙ୍କ ଦ୍ୱାରା ମଣ୍ଡିତ ସ୍ତମ୍ଭସବୁରୁ ସୁବର୍ଣ୍ଣ କାଟି ଅଶୂରର ରାଜାକୁ ଦେଲେ।
\v 17 ଏଥିଉତ୍ତାରେ ଅଶୂରର ରାଜା ଲାଖୀଶ୍‍ଠାରୁ ତର୍ତ୍ତାନ ଓ ରବ୍‍ସାରୀସ୍‍ ଓ ରବ୍‍ଶାକିକୁ ମହାସୈନ୍ୟ ସହିତ ଯିରୂଶାଲମକୁ ହିଜକୀୟ ରାଜାଙ୍କ ନିକଟକୁ ପଠାଇଲା। ତହୁଁ ସେମାନେ ଯାତ୍ରା କରି ଯିରୂଶାଲମକୁ ଆସିଲେ। ଆଉ ସେଠାରେ ଉପସ୍ଥିତ ହୁଅନ୍ତେ, ସେମାନେ ରଜକର କ୍ଷେତ୍ର ପଥସ୍ଥିତ ଉପର ପୁଷ୍କରିଣୀର ନାଳ ନିକଟରେ ଠିଆ ହେଲେ।
\v 18 ପୁଣି ସେମାନେ ରାଜାଙ୍କୁ ଡାକନ୍ତେ, ହିଲ୍‍କୀୟର ପୁତ୍ର ଇଲିୟାକୀମ୍‍ ନାମକ ରାଜଗୃହାଧ୍ୟକ୍ଷ ଓ ଶିବ୍‍ନ ଲେଖକ ଓ ଆସଫର ପୁତ୍ର ଯୋୟାହ ନାମକ ଇତିହାସ ଲେଖକ ବାହାର ହୋଇ ସେମାନଙ୍କ ନିକଟକୁ ଆସିଲେ।
\p
\s5
\v 19 ତହିଁରେ ରବ୍‍ଶାକି ସେମାନଙ୍କୁ କହିଲା, ଏବେ ତୁମ୍ଭେମାନେ ହିଜକୀୟଙ୍କୁ କୁହ, ମହାରାଜ ଅଶୂରର ରାଜା ଏହି କଥା କହନ୍ତି, “ତୁମ୍ଭେ ଏହି ଯେଉଁ ବିଶ୍ୱାସ କରୁଅଛ, ତାହା କିରୂପ ବିଶ୍ୱାସ ?
\v 20 ଯୁଦ୍ଧ କରିବା ପାଇଁ ମନ୍ତ୍ରଣା ଓ ବଳ ଅଛି ବୋଲି ତୁମ୍ଭେ କହୁଅଛ, ମାତ୍ର ତାହା କେବଳ ବୃଥା କଥା। ତୁମ୍ଭେ କାହା ଉପରେ ନିର୍ଭର କରି ମୋହର ବିଦ୍ରୋହୀ ହୋଇଅଛ ?
\v 21 ଦେଖ, ତୁମ୍ଭେ ଏହି ଛେଚାନଳର ଯଷ୍ଟି ରୂପ ମିସର ଉପରେ ନିର୍ଭର କରୁଅଛ; ମାତ୍ର କେହି ତହିଁ ଉପରେ ଆଉଜିଲେ, ତାହା ତାହାର ହାତରେ ପଶି ଫୋଡ଼ି ପକାଇବ। ଯେଉଁମାନେ ମିସ୍ରୀୟ ରାଜା ଫାରୋ ଉପରେ ନିର୍ଭର ରଖନ୍ତି, ସେସମସ୍ତଙ୍କ ପ୍ରତି ସେ ତ ଏହି ପ୍ରକାର।
\s5
\v 22 ମାତ୍ର ଯେବେ ତୁମ୍ଭେମାନେ ମୋତେ କୁହ, ‘ଆମ୍ଭେମାନେ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କ ଉପରେ ନିର୍ଭର ରଖୁଅଛୁ; ତେବେ ହିଜକୀୟ ଯାହାଙ୍କ ଉଚ୍ଚସ୍ଥଳୀ ଓ ଯଜ୍ଞବେଦିସବୁ ଦୂର କରିଦେଇଅଛି, ଆଉ ଯିହୁଦାକୁ ଓ ଯିରୂଶାଲମକୁ କହିଅଛି, ‘ତୁମ୍ଭେମାନେ ଯିରୂଶାଲମରେ ଏହି ଯଜ୍ଞବେଦି ସମ୍ମୁଖରେ ପ୍ରଣାମ କରିବ, ସେ କି ସେହି ନୁହଁନ୍ତି ?
\v 23 ଏବେ ମୁଁ ବିନୟ କରୁଅଛି, ମୋ’ ପ୍ରଭୁ ଅଶୂରର ରାଜାଙ୍କ ସଙ୍ଗେ ପଣ କର, ମୁଁ ତୁମ୍ଭକୁ ଦୁଇ ହଜାର ଅଶ୍ୱ ଦେବି, ଯେବେ ତୁମ୍ଭେ ପାର, ସେମାନଙ୍କ ଉପରେ ଚଢ଼ିବା ପାଇଁ ତୁମ୍ଭ ଆଡ଼ୁ ଲୋକ ଆଣ।
\s5
\v 24 ତେବେ କିପରି ତୁମ୍ଭେ ମୋ’ ପ୍ରଭୁଙ୍କ ଦାସମାନଙ୍କ ମଧ୍ୟରୁ ଏକ କ୍ଷୁଦ୍ରତମ ସେନାପତିକୁ ଫେରାଇ ଦେଇପାରିବ ? କିପରି ତୁମ୍ଭେ ରଥ ଓ ଅଶ୍ୱାରୋହୀ ନିମନ୍ତେ ମିସର ଉପରେ ବିଶ୍ୱାସ କରୁଅଛ ?
\v 25 ମୁଁ କ’ଣ ସଦାପ୍ରଭୁଙ୍କ ବିନା ଏହି ସ୍ଥାନ ଧ୍ୱଂସ କରିବାକୁ ଆସିଅଛି ? ସଦାପ୍ରଭୁ ମୋତେ କହିଲେ, ‘ଏହି ଦେଶ ବିରୁଦ୍ଧରେ ଯାଇ ତାହା ଧ୍ୱଂସ କର।’”
\p
\s5
\v 26 ଏଥିରେ ହିଲ୍‍କୀୟର ପୁତ୍ର ଇଲିୟାକୀମ୍‍ ଓ ଶିବ୍‍ନ ଓ ଯୋୟାହ ରବ୍‍ଶାକିକୁ କହିଲେ, “ବିନୟ କରୁଅଛୁ, ଆପଣ ଅରାମୀୟ ଭାଷାରେ ଆପଣା ଦାସମାନଙ୍କୁ କହନ୍ତୁ; କାରଣ ଆମ୍ଭେମାନେ ତାହା ବୁଝୁଅଛୁ। ପୁଣି ପ୍ରାଚୀରର ଉପରିସ୍ଥ ଲୋକମାନଙ୍କ କର୍ଣ୍ଣଗୋଚରରେ ଆମ୍ଭମାନଙ୍କୁ ଯିହୁଦୀୟ
\f +
\fr 18:26
\fq ଯିହୁଦୀୟ
\ft ଅର୍ଥାତ୍ ଏବ୍ରୀ
\f* ଭାଷାରେ ନ କହନ୍ତୁ।”
\v 27 ମାତ୍ର ରବ୍‍ଶାକି ସେମାନଙ୍କୁ କହିଲା, “ମୋ’ ପ୍ରଭୁ କି ତୁମ୍ଭ ପ୍ରଭୁଙ୍କୁ ଓ ତୁମ୍ଭକୁ ଏସବୁ କଥା କହିବା ପାଇଁ ପଠାଇଅଛନ୍ତି ? ଏହି ଯେଉଁ ଲୋକମାନେ ତୁମ୍ଭମାନଙ୍କ ସଙ୍ଗେ ଆପଣା ଆପଣା ବିଷ୍ଠା ଖାଇବାକୁ ଓ ମୂତ୍ର ପିଇବାକୁ ପ୍ରାଚୀର ଉପରେ ବସିଅଛନ୍ତି, ସେମାନଙ୍କ ନିକଟକୁ କ’ଣ ମୋତେ ପଠାଇ ନାହାନ୍ତି ?”
\s5
\v 28 ତହୁଁ ରବ୍‍ଶାକି ଠିଆ ହୋଇ ଉଚ୍ଚୈସ୍ୱରରେ ଯିହୁଦୀୟ ଭାଷାରେ ଏହି କଥା କହିଲା, “ତୁମ୍ଭେମାନେ ମହାରାଜ ଅଶୂରର ରାଜାଙ୍କ କଥା ଶୁଣ।
\v 29 ରାଜା ଏହି କଥା କହନ୍ତି, ‘ତୁମ୍ଭମାନଙ୍କୁ ଭୁଲାଇବା ପାଇଁ ହିଜକୀୟକୁ ନ ଦିଅ; କାରଣ ସେ ତୁମ୍ଭମାନଙ୍କୁ ମୋ’ ହସ୍ତରୁ ଉଦ୍ଧାର କରି ପାରିବ ନାହିଁ।
\v 30 କିଅବା ସଦାପ୍ରଭୁ ନିଶ୍ଚୟ ଆମ୍ଭମାନଙ୍କୁ ଉଦ୍ଧାର କରିବେ ଓ ଏହି ନଗର ଅଶୂରୀୟ ରାଜାର ହସ୍ତଗତ ହେବ ନାହିଁ।’ ଏହି କଥା କହି ହିଜକୀୟ ସଦାପ୍ରଭୁଙ୍କଠାରେ ତୁମ୍ଭମାନଙ୍କର ବିଶ୍ୱାସ ନ ଜନ୍ମାଉ।
\s5
\v 31 ହିଜକୀୟର କଥା ଶୁଣ ନାହିଁ; କାରଣ ଅଶୂରୀୟ ରାଜା ଏହି କଥା କହନ୍ତି, ‘ତୁମ୍ଭେମାନେ ମୋ’ ସଙ୍ଗେ ସନ୍ଧି କର ଓ ମୋ’ ନିକଟକୁ ବାହାରି ଆସ ଓ ପ୍ରତ୍ୟେକେ ଆପଣା ଆପଣା ଦ୍ରାକ୍ଷାଫଳ ଓ ପ୍ରତ୍ୟେକେ ଆପଣା ଆପଣା ଡିମ୍ବିରି ଫଳ ଭୋଜନ କର, ଆଉ ପ୍ରତ୍ୟେକେ ଆପଣା ଆପଣା କୂପ ଜଳ ପାନ କର।
\v 32 ଶେଷରେ ମୁଁ ଆସି ତୁମ୍ଭମାନଙ୍କର ସ୍ୱଦେଶ ତୁଲ୍ୟ ଏକ ଦେଶକୁ, ଅର୍ଥାତ୍‍, ଶସ୍ୟ ଓ ଦ୍ରାକ୍ଷାରସମୟ ଦେଶ, ଆଉ ରୁଟି ଓ ଦ୍ରାକ୍ଷାକ୍ଷେତ୍ରମୟ ଦେଶ, ଆଉ ତୈଳଜୀତ ଓ ମଧୁମୟ ଦେଶକୁ ତୁମ୍ଭମାନଙ୍କୁ ନେଇ ଯିବି, ତହିଁରେ ତୁମ୍ଭେମାନେ ବଞ୍ଚିବ ଓ ମରିବ ନାହିଁ; ପୁଣି ସଦାପ୍ରଭୁ ଆମ୍ଭମାନଙ୍କୁ ଉଦ୍ଧାର କରିବେ ବୋଲି କହି ହିଜକୀୟ ତୁମ୍ଭମାନଙ୍କୁ ମଣାଇଲେ, ତାହାର କଥା ତୁମ୍ଭେମାନେ ଶୁଣ ନାହିଁ।
\s5
\v 33 ନାନା ଗୋଷ୍ଠୀୟମାନଙ୍କ ଦେବତାଗଣ ମଧ୍ୟରୁ କୌଣସି ଦେବତା କ’ଣ ଅଶୂରୀୟ ରାଜାଙ୍କ ହସ୍ତରୁ ଆପଣା ଦେଶ ଉଦ୍ଧାର କରିଅଛି ?
\v 34 ହମାତର ଓ ଅର୍ପଦର ଦେବତାମାନେ କାହାନ୍ତି ? ସଫର୍ବୟିମର ଓ ହେନାର ଓ ଅବ୍ବାର ଦେବତାମାନେ କାହାନ୍ତି ? ସେମାନେ କ’ଣ ମୋ’ ହସ୍ତରୁ ଶମରୀୟାକୁ ଉଦ୍ଧାର କରିଅଛନ୍ତି ?
\v 35 ନାନା ଗୋଷ୍ଠୀୟ ସମସ୍ତ ଦେବତା ମଧ୍ୟରେ କିଏ ଆପଣା ଦେଶକୁ ମୋ’ ହସ୍ତରୁ ଉଦ୍ଧାର କରିଅଛି ଯେ, ସଦାପ୍ରଭୁ ମୋ’ ହସ୍ତରୁ ଯିରୂଶାଲମକୁ ଉଦ୍ଧାର କରିବେ ?’”
\p
\s5
\v 36 ମାତ୍ର ଲୋକମାନେ ନୀରବ ହୋଇ ରହିଲେ, ଗୋଟିଏ କଥା ଉତ୍ତର କଲେ ନାହିଁ। କାରଣ ତାହାକୁ ଉତ୍ତର ନ ଦିଅ ବୋଲି ରାଜାଙ୍କର ଆଜ୍ଞା ଥିଲା।
\v 37 ଏଥିଉତ୍ତାରେ ହିଲ୍‍କିୟର ପୁତ୍ର ଇଲିୟାକୀମ୍‍ ନାମକ ରାଜଗୃହାଧ୍ୟକ୍ଷ ଓ ଶିବ୍‍ନ ଲେଖକ ଓ ଆସଫର ପୁତ୍ର ଯୋୟାହ ନାମକ ଇତିହାସ ଲେଖକ ଆପଣା ଆପଣା ବସ୍ତ୍ର ଚିରି ହିଜକୀୟଙ୍କ ନିକଟକୁ ଆସି ରବ୍‍ଶାକିର କଥାସବୁ ତାଙ୍କୁ ଜଣାଇଲେ।
\s5
\c 19
\s ହିଜକୀୟଙ୍କୁ ଯିଶାଇୟଙ୍କ ସାହସ
\p
\v 1 ଏଥିରେ ହିଜକୀୟ ରାଜା ତାହା ଶୁଣନ୍ତେ, ଆପଣା ବସ୍ତ୍ର ଚିରି ଓ ଅଖା ଘୋଡ଼ାଇ ସଦାପ୍ରଭୁଙ୍କ ଗୃହକୁ ଗଲେ।
\v 2 ପୁଣି ରାଜଗୃହାଧ୍ୟକ୍ଷ ଇଲିୟାକୀମ୍‍କୁ ଓ ଶିବ୍‍ନ ଲେଖକଙ୍କୁ ଓ ଯାଜକମାନଙ୍କ ପ୍ରାଚୀନବର୍ଗଙ୍କୁ ଅଖା ଘୋଡ଼ାଇ ଆମୋସର ପୁତ୍ର ଯିଶାଇୟ ଭବିଷ୍ୟଦ୍‍ବକ୍ତାଙ୍କ ନିକଟକୁ ପଠାଇଲେ।
\p
\s5
\v 3 ତହିଁରେ ସେମାନେ ଯିଶାଇୟଙ୍କୁ କହିଲେ, “ହିଜକୀୟ କହନ୍ତି, ‘ଆଜି ଦିନ ଆପଦ ଓ ଅନୁଯୋଗ ଓ ଅପମାନର ଦିନ; କାରଣ ବାଳକଗଣ ପ୍ରସବ ଦ୍ୱାରରେ ଉପସ୍ଥିତ, ମାତ୍ର ପ୍ରସବ କରିବାକୁ ଶକ୍ତି ନାହିଁ।
\v 4 ହୋଇପାରେ, ଜୀବିତ ପରମେଶ୍ୱରଙ୍କୁ ତିରସ୍କାର କରିବା ପାଇଁ ଆପଣା ପ୍ରଭୁ ଅଶୂରୀୟ ରାଜା ଦ୍ୱାରା ପ୍ରେରିତ ରବ୍‍ଶାକିର ସମସ୍ତ କଥା ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଶୁଣିବେ, ପୁଣି ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଯେଉଁ କଥା ଶୁଣିଅଛନ୍ତି, ତହିଁ ଲାଗି ଅନୁଯୋଗ କରିବେ; ଏହେତୁ ଯେଉଁ ଅବଶିଷ୍ଟାଂଶ ଅଛନ୍ତି, ସେମାନଙ୍କ ନିମନ୍ତେ ତୁମ୍ଭେ ପ୍ରାର୍ଥନା କର।’”
\s5
\v 5 ଏହିରୂପେ ହିଜକୀୟ ରାଜାଙ୍କର ଦାସମାନେ ଯିଶାଇୟଙ୍କ ନିକଟରେ ଉପସ୍ଥିତ ହେଲେ।
\v 6 ତହିଁରେ ଯିଶାଇୟ ସେମାନଙ୍କୁ କହିଲେ, “ତୁମ୍ଭେମାନେ ଆପଣା ପ୍ରଭୁଙ୍କୁ କହିବ; ସଦାପ୍ରଭୁ ଏହା କହନ୍ତି, ‘ଅଶୂରୀୟ ରାଜାର ଦାସମାନେ ଆମ୍ଭକୁ ନିନ୍ଦା କରିବାର ଯେଉଁ କଥା ତୁମ୍ଭେ ଶୁଣିଅଛ, ତହିଁରେ ଭୀତ ହୁଅ ନାହିଁ।
\v 7 ଦେଖ, ଆମ୍ଭେ ତାହା ମଧ୍ୟରେ ଏକ ଆତ୍ମା ଦେବା, ପୁଣି ସେ କୌଣସି ଜନରବ ଶୁଣି ଆପଣା ଦେଶକୁ ଫେରିଯିବ। ଆଉ ଆମ୍ଭେ ତାହାର ନିଜ ଦେଶରେ ଖଡ୍ଗ ଦ୍ୱାରା ତାହାକୁ ନିପାତ କରିବା।’”
\s ଅଶୂରୀୟର ଧମକ
\p
\s5
\v 8 ଏଥିଉତ୍ତାରେ ଅଶୂରୀୟ ରାଜା ଲାଖୀଶ୍‍ଠାରୁ ପ୍ରସ୍ଥାନ କରିଅଛି ବୋଲି ରବ୍‍ଶାକି ଶୁଣି ଫେରିଗଲା ଓ ତାହାକୁ ଲିବ୍‍ନା ବିରୁଦ୍ଧରେ ଯୁଦ୍ଧ କରୁଥିବାର ଦେଖିଲା।
\v 9 ପୁଣି ଅଶୂରୀୟ ରାଜା କୂଶ ଦେଶୀୟ ତିର୍ହକ ରାଜା ବିଷୟରେ ଏହି କଥା ଶୁଣିଲା, “ଦେଖ, ସେ ତୁମ୍ଭ ବିରୁଦ୍ଧରେ ଯୁଦ୍ଧ କରିବାକୁ ଆସିଅଛି।” ତହୁଁ ସେ ହିଜକୀୟଙ୍କ ନିକଟକୁ ପୁନର୍ବାର ଦୂତମାନଙ୍କୁ ପଠାଇ କହିଲା,
\s5
\v 10 “ତୁମ୍ଭେମାନେ ଯିହୁଦାର ରାଜା ହିଜକୀୟଙ୍କୁ ଏହି କଥା କହିବ, ‘ଯିରୂଶାଲମ ଅଶୂରୀୟ ରାଜାର ହସ୍ତଗତ ହେବ ନାହିଁ, ଏହି କଥା କହି ତୁମ୍ଭର ବିଶ୍ୱାସଭୂମି ପରମେଶ୍ୱର ତୁମ୍ଭକୁ ନ ଭୁଲାଉନ୍ତୁ।
\v 11 ଦେଖ, ଅଶୂରୀୟ ରାଜାମାନେ ସମ୍ପୂର୍ଣ୍ଣ ରୂପେ ବିନାଶ କରିବା ଦ୍ୱାରା ସମୁଦାୟ ଦେଶ ପ୍ରତି ଯାହା କରିଅଛନ୍ତି, ତାହା ତୁମ୍ଭେ ଶୁଣିଅଛ; ତେବେ ତୁମ୍ଭେ କ’ଣ ଉଦ୍ଧାର ପାଇବ ?
\s5
\v 12 ଆମ୍ଭ ପିତୃଲୋକମାନେ ଯେଉଁ ଗୋଶନ ଓ ହାରଣ ଓ ରେତ୍‍ସଫ ଦେଶୀୟମାନଙ୍କୁ ଓ ତଲଃସର ନିବାସୀ ଏଦନ ସନ୍ତାନମାନଙ୍କୁ ବିନାଶ କଲେ, ସେମାନଙ୍କର ଦେବତାମାନେ କ’ଣ ସେମାନଙ୍କୁ ଉଦ୍ଧାର କଲେ ?
\v 13 ହମାତର ରାଜା ଓ ଅର୍ପଦର ରାଜା ଓ ସଫର୍ବୟିମ ନଗରର, ହେନାର ଓ ଅବ୍ବାର ରାଜା କାହାନ୍ତି ?’”
\p
\s5
\v 14 ତହିଁରେ ହିଜକୀୟ ଦୂତମାନଙ୍କଠାରୁ ପତ୍ର ଗ୍ରହଣ କରି ତାହା ପାଠ କଲେ। ଆଉ ହିଜକୀୟ ସଦାପ୍ରଭୁଙ୍କ ଗୃହକୁ ଯାଇ ସଦାପ୍ରଭୁଙ୍କ ସମ୍ମୁଖରେ ତାହା ଖୋଲିଲେ।
\v 15 ଆଉ ହିଜକୀୟ ସଦାପ୍ରଭୁଙ୍କ ସମ୍ମୁଖରେ ପ୍ରାର୍ଥନା କରି କହିଲେ, “ହେ କିରୂବଗଣ ଉପରେ ଉପବିଷ୍ଟ ସଦାପ୍ରଭୁ, ଇସ୍ରାଏଲର ପରମେଶ୍ୱର, ତୁମ୍ଭେ, କେବଳ ତୁମ୍ଭେ ପୃଥିବୀସ୍ଥ ସମୁଦାୟ ରାଜ୍ୟର ପରମେଶ୍ୱର ଅଟ; ତୁମ୍ଭେ ସ୍ୱର୍ଗ ଓ ପୃଥିବୀ ନିର୍ମାଣ କରିଅଛ।
\s5
\v 16 ହେ ସଦାପ୍ରଭୁ, ଆପଣା କର୍ଣ୍ଣ ଡେର ଓ ଶୁଣ; ହେ ସଦାପ୍ରଭୁ, ଆପଣା ଚକ୍ଷୁ ଫିଟାଅ ଓ ଦେଖ, ଜୀବିତ ପରମେଶ୍ୱରଙ୍କୁ ଧିକ୍‍କାର କରିବା ପାଇଁ ସନ୍‍‌‌ହେରୀବ ଯାହା କହି ପଠାଇଅଛି, ତାହାର ସେହି କଥା ଶୁଣ।
\v 17 ହେ ସଦାପ୍ରଭୁ, ଅଶୂରୀୟ ରାଜାମାନେ ନାନା ଗୋଷ୍ଠୀ ଓ ସେମାନଙ୍କ ଦେଶ ଉଚ୍ଛିନ୍ନ କରିଅଛନ୍ତି,
\v 18 ଓ ସେମାନଙ୍କ ଦେବତାଗଣକୁ ଅଗ୍ନିରେ ନିକ୍ଷେପ କରିଅଛନ୍ତି, ଏହା ସତ୍ୟ; କାରଣ ସେମାନେ ପରମେଶ୍ୱର ନ ଥିଲେ, ମନୁଷ୍ୟର ହସ୍ତକୃତ କର୍ମ, କାଷ୍ଠ ଓ ପ୍ରସ୍ତରମାତ୍ର; ଏହେତୁ ସେହି ରାଜାମାନେ ସେମାନଙ୍କୁ ବିନାଶ କଲେ।
\s5
\v 19 ଏଣୁ ଏବେ, ହେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର, ମୁଁ ବିନୟ କରୁଅଛି, ତାହାର ହସ୍ତରୁ ଆମ୍ଭମାନଙ୍କୁ ଉଦ୍ଧାର କର, ତହିଁରେ ତୁମ୍ଭେ, କେବଳ ତୁମ୍ଭେ ଯେ ସଦାପ୍ରଭୁ ପରମେଶ୍ୱର ଅଟ, ଏହା ପୃଥିବୀସ୍ଥ ସମୁଦାୟ ରାଜ୍ୟ ଜାଣିବେ।”
\s ସନ୍‍‌‌ହେରୀବ ବିରୁଦ୍ଧରେ ଯିଶାଇୟଙ୍କ ବାର୍ତ୍ତା
\p
\s5
\v 20 ଏଥିଉତ୍ତାରେ ଆମୋସର ପୁତ୍ର ଯିଶାଇୟ ହିଜକୀୟଙ୍କ ନିକଟକୁ କହି ପଠାଇଲେ, “ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ‘ତୁମ୍ଭେ ଅଶୂରର ରାଜା ସନ୍‍‌‌ହେରୀବ ବିରୁଦ୍ଧରେ ଆମ୍ଭ ନିକଟରେ ଯେଉଁ ପ୍ରାର୍ଥନା କରିଅଛ, ତାହା ଆମ୍ଭେ ଶୁଣିଲୁ।’”
\v 21 ସଦାପ୍ରଭୁ ତାହା ବିଷୟରେ ଏହି କଥା କହିଅଛନ୍ତି:
\q1 “ସିୟୋନର ଅନୂଢ଼ା କନ୍ୟା ତୁମ୍ଭକୁ ତୁଚ୍ଛ କରିଅଛି ଓ ତୁମ୍ଭକୁ ପରିହାସ କରିଅଛି,
\q2 ଯିରୂଶାଲମର କନ୍ୟା ତୁମ୍ଭ ଆଡ଼େ ମୁଣ୍ଡ ହଲାଇଅଛି।
\q1
\v 22 ତୁମ୍ଭେ କାହାକୁ ତିରସ୍କାର ଓ ନିନ୍ଦା କରିଅଛ ?
\q2 ଓ ତୁମ୍ଭେ କାହା ବିରୁଦ୍ଧରେ ଆପଣା ରବ ଉଚ୍ଚ କରିଅଛ
\q1 ଓ ଆପଣା ଚକ୍ଷୁ ଉର୍ଦ୍ଧ୍ୱକୁ ଉଠାଇଅଛ ?
\q2 ଇସ୍ରାଏଲର ଧର୍ମସ୍ୱରୂପଙ୍କ ବିରୁଦ୍ଧରେ !”
\q1
\s5
\v 23 ତୁମ୍ଭେ ଆପଣା ଦୂତମାନଙ୍କ ଦ୍ୱାରା ପ୍ରଭୁଙ୍କୁ ତିରସ୍କାର କରିଅଛ
\q2 ଓ କହିଅଛ,
\q1 “ଆମ୍ଭେ ଆପଣା ବହୁସଂଖ୍ୟକ ରଥରେ ପର୍ବତଗଣର ଉର୍ଦ୍ଧ୍ୱକୁ,
\q2 ଲିବାନୋନର ଅଭ୍ୟନ୍ତରକୁ ଆସିଅଛୁ;
\q1 ଆଉ ଆମ୍ଭେ ତହିଁର ଉଚ୍ଚ ଏରସ ବୃକ୍ଷ,
\q2 ଓ ତହିଁର ଉତ୍କୃଷ୍ଟ ଦେବଦାରୁ ବୃକ୍ଷସବୁ କାଟି ପକାଇବା;
\q1 ପୁଣି ଆମ୍ଭେ ତାହାର ଦୂରବର୍ତ୍ତୀ ବାସ ସ୍ଥାନରେ,
\q2 ଓ ତାହାର ଫଳପୂର୍ଣ୍ଣ କ୍ଷେତ୍ର ରୂପ ଅରଣ୍ୟରେ ପ୍ରବେଶ କରିବା।
\q1
\v 24 ଆମ୍ଭେ ଖୋଳି ଅଜ୍ଞାତ ଜଳ ପାନ କରିଅଛୁ,
\q2 ଆଉ ଆମ୍ଭେ ଆପଣା ପଦତଳରେ ମିସରର ସବୁ ନଦୀ ଶୁଷ୍କ କରିବା।”
\q1
\s5
\v 25 ଏହା କ’ଣ ତୁମ୍ଭେ ଶୁଣି ନାହଁ,
\q2 କିପରି ଆମ୍ଭେ ଦୀର୍ଘକାଳରୁ ଏହା ନିରୂପଣ କରିଅଛୁ,
\q1 ଓ ପୂର୍ବକାଳରୁ ଏହା ସ୍ଥିର କରିଅଛୁ ?
\q2 ଏହା ଏବେ ଆମ୍ଭେ ସଫଳ କରିଅଛୁ।
\q1 ତୁମ୍ଭେ ଯେ ପ୍ରାଚୀରବେଷ୍ଟିତ ନଗରମାନ ବିନାଶ କରି,
\q2 ସେସବୁକୁ ଢିପି କରିବ।
\q1
\v 26 ଏହେତୁ ତନ୍ନିବାସୀଗଣ ଅଳ୍ପ ଶକ୍ତିବିଶିଷ୍ଟ ହେଲେ,
\q2 ସେମାନେ ହତାଶ ଓ ଲଜ୍ଜିତ ହେଲେ;
\q1 ସେମାନେ କ୍ଷେତ୍ରର ଶାକ ଓ ନବୀନ ତୃଣ, ଗୃହ ଛାତ ଉପରିସ୍ଥ ଘାସ,
\q2 ଓ ଅପକ୍ୱ ଅବସ୍ଥାରେ ଶୁଷ୍କ-ଶସ୍ୟ ତୁଲ୍ୟ ହେଲେ।
\q1
\s5
\v 27 ମାତ୍ର ତୁମ୍ଭର ବସିବାର, ଓ ବାହାରକୁ ଯିବାର ଓ ଭିତରକୁ ଆସିବାର,
\q2 ଓ ଆମ୍ଭ ବିରୁଦ୍ଧରେ ତୁମ୍ଭର କ୍ରୋଧ କରିବାର ମଧ୍ୟ ଆମ୍ଭେ ଜାଣୁ।
\q1
\v 28 ତୁମ୍ଭେ ଆମ୍ଭ ବିରୁଦ୍ଧରେ କ୍ରୋଧ କରିଅଛ,
\q2 ଓ ତୁମ୍ଭର ଦର୍ପ କଥା ଆମ୍ଭ କର୍ଣ୍ଣରେ ଉପସ୍ଥିତ ହୋଇଅଛି,
\q1 ଏହେତୁ ଆମ୍ଭେ ତୁମ୍ଭ ନାସିକାରେ ଆପଣା ଅଙ୍କୁଶ,
\q2 ଓ ତୁମ୍ଭ ଓଷ୍ଠାଧରରେ ଆପଣା ଲଗାମ ଦେବା,
\q1 ପୁଣି ତୁମ୍ଭେ ଯେଉଁ ବାଟରେ ଆସିଲ,
\q2 ସେହି ବାଟରେ ଆମ୍ଭେ ତୁମ୍ଭକୁ ଫେରାଇ ଦେବା।
\p
\s5
\v 29 ଏଣୁ (ହେ ହିଜକୀୟ,) ତୁମ୍ଭ ପ୍ରତି ଏହି ଚିହ୍ନ ହେବ:
\q1 ତୁମ୍ଭେମାନେ ଏହି ବର୍ଷ ସ୍ୱୟଂ ଉତ୍ପନ୍ନ ଶସ୍ୟ,
\q2 ଓ ଦ୍ୱିତୀୟ ବର୍ଷ ତହିଁରୁ ଅଙ୍କୁରିତ ଶସ୍ୟ ଭୋଜନ କରିବ।
\q1 ପୁଣି ତୃତୀୟ ବର୍ଷ ତୁମ୍ଭେମାନେ ବୁଣ ଓ କାଟ,
\q2 ଓ ଦ୍ରାକ୍ଷାକ୍ଷେତ୍ର କରି ତହିଁର ଫଳ ଭୋଜନ କର।
\q1
\v 30 ପୁଣି ଯିହୁଦା ବଂଶର ରକ୍ଷାପ୍ରାପ୍ତ ଅବଶିଷ୍ଟ ଲୋକମାନେ
\q2 ପୁନର୍ବାର ତଳକୁ ଚେର ମାଡ଼ିବେ ଓ ଉପରେ ଫଳ ଫଳିବେ।
\q1
\v 31 କାରଣ ଯିରୂଶାଲମରୁ ଏକ ଅବଶିଷ୍ଟାଂଶ ଲୋକ,
\q2 ଓ ସିୟୋନ ପର୍ବତରୁ ରକ୍ଷାପ୍ରାପ୍ତ ଲୋକମାନେ ବାହାରିବେ।
\q2 ସଦାପ୍ରଭୁଙ୍କ ଉଦ୍‍ଯୋଗ ଏହା ସିଦ୍ଧ କରିବ।
\p
\s5
\v 32 ଏହେତୁ ସଦାପ୍ରଭୁ ଅଶୂରୀୟ ରାଜା ବିଷୟରେ ଏହି କଥା କହନ୍ତି:
\q1 “ସେ ଏହି ନଗରକୁ ଆସିବ ନାହିଁ,
\q2 ଅବା ସେଠାରେ ତୀର ମାରିବ ନାହିଁ।
\q1 କିଅବା ତହିଁ ସମ୍ମୁଖକୁ ଢାଲ ଧରି ଆସିବ ନାହିଁ,
\q2 ଅଥବା ତହିଁ ବିରୁଦ୍ଧରେ ବନ୍ଧ ବାନ୍ଧିବ ନାହିଁ।
\q1
\v 33 ସଦାପ୍ରଭୁ କହନ୍ତି, ‘ସେ ଯେଉଁ ବାଟରେ ଆସିଲା,
\q2 ସେହି ବାଟରେ ଫେରି ଯିବ,
\q3 ଓ ସେ ଏହି ନଗରକୁ ଆସିବ ନାହିଁ।
\q1
\v 34 କାରଣ ଆମ୍ଭେ ଆପଣା ସକାଶୁ,
\q2 ଓ ଆମ୍ଭ ଦାସ ଦାଉଦ ସକାଶୁ,
\q3 ଏହି ନଗରକୁ ରକ୍ଷା କରିବାକୁ ସପକ୍ଷ ହେବା।’”
\p
\s5
\v 35 ଏଥିଉତ୍ତାରେ ସେହି ରାତ୍ରି ସଦାପ୍ରଭୁଙ୍କ ଦୂତ ବାହାରି ଅଶୂରୀୟମାନଙ୍କ ଛାଉଣିରେ ଏକ ଲକ୍ଷ ପଞ୍ଚାଶୀ ସହସ୍ର ଲୋକ ସଂହାର କଲେ; ପୁଣି ଲୋକମାନେ ଅତି ପ୍ରଭାତରେ ଉଠନ୍ତେ, ଦେଖ, ସେସମସ୍ତେ ମୃତ ଶବ ହୋଇଅଛନ୍ତି।
\v 36 ତହିଁରେ ଅଶୂରର ରାଜା ସନ୍‍‌‌ହେରୀବ ପ୍ରସ୍ଥାନ କଲା ଓ ଫେରିଯାଇ ନୀନିବୀରେ ବାସ କଲା।
\v 37 ଏଥିଉତ୍ତାରେ ସେ ଆପଣାର ନିଷ୍ରୋକ ନାମକ ଦେବତାର ଗୃହରେ ପୂଜା କରିବା ବେଳେ ତାହାର ଦୁଇ ପୁତ୍ର ଅଦ୍ରମ୍ମେଲକ୍‍ ଓ ଶରେତ୍‍ସର ତାହାକୁ ଖଡ୍ଗରେ ବଧ କଲେ; ତହୁଁ ସେମାନେ ଆରାରାଟ୍‍ ଦେଶକୁ ପଳାୟନ କଲେ। ପୁଣି ତାହାର ପୁତ୍ର ଏସର୍‍ହଦ୍ଦୋନ୍‍ ତାହାର ପଦରେ ରାଜ୍ୟ କଲା।
\s5
\c 20
\s ହିଜକୀୟଙ୍କ ଅସୁସ୍ଥତା ଓ ଆରୋଗ୍ୟତା
\p
\v 1 ସେହି ସମୟରେ ହିଜକୀୟଙ୍କର ସାଂଘାତିକ ପୀଡ଼ା ହୋଇଥିଲା। ତହିଁରେ ଆମୋସର ପୁତ୍ର ଯିଶାଇୟ ଭବିଷ୍ୟଦ୍‍ବକ୍ତା ତାଙ୍କ ନିକଟକୁ ଆସି କହିଲେ, “ସଦାପ୍ରଭୁ ଏହି କଥା କହନ୍ତି, ‘ତୁମ୍ଭେ ଆପଣା ଗୃହ ବିଷୟ ସଜାଡ଼; କାରଣ ତୁମ୍ଭେ ମରିବ, ବଞ୍ଚିବ ନାହିଁ।’”
\v 2 ଏଥିରେ ସେ କାନ୍ଥ ଆଡ଼େ ମୁଖ ଫେରାଇ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରି କହିଲେ,
\v 3 “ହେ ସଦାପ୍ରଭୁ, ମୁଁ ବିନୟ କରୁଅଛି, ମୁଁ କିପରି ସତ୍ୟତାରେ ଓ ସିଦ୍ଧ ଅନ୍ତଃକରଣରେ ତୁମ୍ଭ ସମ୍ମୁଖରେ ଗମନାଗମନ କରିଅଛି ଓ ତୁମ୍ଭ ଦୃଷ୍ଟିରେ ଉତ୍ତମ କର୍ମ କରିଅଛି, ଏହା ଏବେ ସ୍ମରଣ କର।” ଆଉ ହିଜକୀୟ ଅତିଶୟ ରୋଦନ କଲେ।
\p
\s5
\v 4 ଏଥିଉତ୍ତାରେ ଯିଶାଇୟ ନଗରର ମଧ୍ୟଭାଗକୁ ବାହାରି ଯିବା ପୂର୍ବେ ତାଙ୍କ ନିକଟରେ ସଦାପ୍ରଭୁଙ୍କ ବାକ୍ୟ ଉପସ୍ଥିତ ହେଲା,
\v 5 ଯଥା, “ଫେରି ଯାଅ ଓ ଆମ୍ଭ ଲୋକମାନଙ୍କ ଅଧିପତି ହିଜକୀୟକୁ କୁହ, ସଦାପ୍ରଭୁ ତୁମ୍ଭ ପୂର୍ବପୁରୁଷ ଦାଉଦର ପରମେଶ୍ୱର ଏହି କଥା କହନ୍ତି, ‘ଆମ୍ଭେ ତୁମ୍ଭର ପ୍ରାର୍ଥନା ଶୁଣିଲୁ, ଆମ୍ଭେ ତୁମ୍ଭର ଲୋତକ ଦେଖିଲୁ; ଦେଖ, ଆମ୍ଭେ ତୁମ୍ଭକୁ ସୁସ୍ଥ କରିବୁ; ତୁମ୍ଭେ ତୃତୀୟ ଦିନରେ ସଦାପ୍ରଭୁଙ୍କ ଗୃହକୁ ଯିବ।
\s5
\v 6 ଆଉ ଆମ୍ଭେ ତୁମ୍ଭର ଆୟୁ ପନ୍ଦର ବର୍ଷ ବୃଦ୍ଧି କରିବା; ପୁଣି ଆମ୍ଭେ ତୁମ୍ଭକୁ ଓ ଏହି ନଗରକୁ ଅଶୂରୀୟ ରାଜାର ହସ୍ତରୁ ରକ୍ଷା କରିବା; ଆଉ ଆମ୍ଭେ ଆପଣା ସକାଶୁ ଓ ଆମ୍ଭ ଦାସ ଦାଉଦ ସକାଶୁ ଏହି ନଗରର ସପକ୍ଷ ହେବା।’”
\v 7 ତହୁଁ ଯିଶାଇୟ କହିଲେ, “ଏକ ଡିମ୍ବିରି ଚକ୍ତି ଆଣ।” ତହିଁରେ ସେମାନେ ତାହା ଆଣି ବଥ ଉପରେ ଥୋଇଲେ, ଆଉ ସେ ସୁସ୍ଥ ହେଲେ।
\p
\s5
\v 8 ପୁଣି ହିଜକୀୟ ଯିଶାଇୟଙ୍କୁ କହିଲେ, “ସଦାପ୍ରଭୁ ଯେ ମୋତେ ସୁସ୍ଥ କରିବେ ଓ ମୁଁ ଯେ ତୃତୀୟ ଦିନରେ ସଦାପ୍ରଭୁଙ୍କ ଗୃହକୁ ଯିବି, ଏଥିର କି ଚିହ୍ନ ହେବ।”
\v 9 ତହିଁରେ ଯିଶାଇୟ କହିଲେ, “ସଦାପ୍ରଭୁ ଆପଣା ଉକ୍ତ ବାକ୍ୟ ଯେ ସଫଳ କରିବେ, ତୁମ୍ଭ ପ୍ରତି ସଦାପ୍ରଭୁଙ୍କଠାରୁ ଏହି ଚିହ୍ନ ହେବ; ଛାୟା କି ଆଗକୁ ଦଶ ପାହୁଣ୍ଡ ଯିବ, ଅବା ପଛକୁ ଦଶ ପାହୁଣ୍ଡ ଯିବ।”
\s5
\v 10 ତହିଁରେ ହିଜକୀୟ ଉତ୍ତର କଲେ, “ଛାୟା ଆଗକୁ ଦଶ ପାହୁଣ୍ଡ ଯିବାର କ୍ଷୁଦ୍ର ବିଷୟ; ନା; ମାତ୍ର ଛାୟା ପଛକୁ ଦଶ ପାହୁଣ୍ଡ ଫେରିଯାଉ।”
\v 11 ତହୁଁ ଯିଶାଇୟ ଭବିଷ୍ୟଦ୍‍ବକ୍ତା ସଦାପ୍ରଭୁଙ୍କ ନିକଟରେ ଡାକି ପ୍ରାର୍ଥନା କଲେ। ଏଥିରେ ଆହସ୍‌ଙ୍କର ସୂର୍ଯ୍ୟଘଟିକାରେ ଛାୟା ଯେଉଁ ଦଶ ପାହୁଣ୍ଡ ଆଗକୁ ଯାଇଥିଲା, ସେତିକି ସେ ପଛକୁ ଫେରାଇ ଆଣିଲେ।
\s ବାବିଲର ଦୂତଙ୍କ ଆଗମନ
\p
\s5
\v 12 ସେହି ସମୟରେ ବଲ୍‍ଦନ୍‍ର ପୁତ୍ର ବରୋଦକ୍‍ ବଲଦନ୍‍ ନାମକ ବାବିଲର ରାଜା ହିଜକୀୟଙ୍କ ନିକଟକୁ ପତ୍ରମାନ ଓ ଦର୍ଶନୀ ପଠାଇଲା; କାରଣ ସେ ହିଜକୀୟଙ୍କ ପୀଡ଼ିତ ହେବାର କଥା ଶୁଣିଥିଲା।
\v 13 ତହିଁରେ ହିଜକୀୟ ସେମାନଙ୍କ କଥା ଶୁଣିଲେ ଓ ଆପଣା ବହୁମୂଲ୍ୟ ପଦାର୍ଥର ସମୁଦାୟ ଗୃହ, ରୂପା ଓ ସୁନା ଓ ସୁଗନ୍ଧି ଦ୍ରବ୍ୟ ଓ ବହୁମୂଲ୍ୟ ତୈଳ ଓ ଅସ୍ତ୍ରାଗାର ଓ ଆପଣା ଭଣ୍ଡାରସ୍ଥିତ ସମସ୍ତ ଦ୍ରବ୍ୟ ସେମାନଙ୍କୁ ଦେଖାଇଲେ। ହିଜକୀୟ ଯାହା ସେମାନଙ୍କୁ ନ ଦେଖାଇଲେ, ଏପରି କୌଣସି ଦ୍ରବ୍ୟ ତାଙ୍କ ଗୃହରେ କି ତାଙ୍କର ସମୁଦାୟ ରାଜ୍ୟରେ ନ ଥିଲା।
\p
\s5
\v 14 ସେତେବେଳେ ଯିଶାଇୟ ଭବିଷ୍ୟଦ୍‍ବକ୍ତା ହିଜକୀୟ ରାଜାଙ୍କ ନିକଟକୁ ଆସି ତାଙ୍କୁ କହିଲେ, “ଏହି ଲୋକମାନେ କଅଣ କହିଲେ ? ସେମାନେ କେଉଁଠାରୁ ତୁମ୍ଭ ନିକଟକୁ ଆସିଲେ ?” ତହିଁରେ ହିଜକୀୟ କହିଲେ, “ସେମାନେ ଦୂର ଦେଶ ବାବିଲରୁ ଆସିଅଛନ୍ତି।”
\v 15 ଏଥିରେ ଯିଶାଇୟ ପଚାରିଲେ, “ସେମାନେ ତୁମ୍ଭ ଗୃହରେ କି କି ବିଷୟ ଦେଖିଅଛନ୍ତି ?” ତହୁଁ ହିଜକୀୟ ଉତ୍ତର କଲେ, “ମୋ’ ଗୃହରେ ଯାହା ଯାହା ଅଛି, ସବୁ ସେମାନେ ଦେଖିଅଛନ୍ତି; ଯାହା ମୁଁ ସେମାନଙ୍କୁ ନ ଦେଖାଇଲି, ଏପରି କୌଣସି ପଦାର୍ଥ ମୋ’ ଭଣ୍ଡାର ସମୂହରେ ନାହିଁ।”
\p
\s5
\v 16 ଏଥିରେ ଯିଶାଇୟ ହିଜକୀୟଙ୍କୁ କହିଲେ, “ସଦାପ୍ରଭୁଙ୍କ ବାକ୍ୟ ଶୁଣ:
\v 17 ‘ଦେଖ, ତୁମ୍ଭ ଗୃହସ୍ଥିତ ସମସ୍ତ ଦ୍ରବ୍ୟ ଓ ଆଜି ପର୍ଯ୍ୟନ୍ତ ତୁମ୍ଭ ପୂର୍ବପୁରୁଷମାନଙ୍କ ସଞ୍ଚିତ ସମସ୍ତ ଦ୍ରବ୍ୟ ବାବିଲକୁ ନିଆଯିବାର ସମୟ ଆସୁଅଛି।’ ସଦାପ୍ରଭୁ କହନ୍ତି, ‘କିଛି ଛଡ଼ା ଯିବ ନାହିଁ।
\v 18 ତୁମ୍ଭ ପୁତ୍ରମାନଙ୍କ ମଧ୍ୟରେ ଯେଉଁମାନେ ତୁମ୍ଭ ଔରସରେ ଜାତ ଓ ତୁମ୍ଭଠାରୁ ଉତ୍ପନ୍ନ ହେବେ, ସେମାନଙ୍କୁ ସେମାନେ ନେଇଯିବେ ଓ ସେମାନେ ବାବିଲ ରାଜାର ଅଟ୍ଟାଳିକାରେ ନପୁଂସକ ହୋଇ ରହିବେ।’”
\s5
\v 19 ସେତେବେଳେ ହିଜକୀୟ ଯିଶାଇୟଙ୍କୁ କହିଲେ, “ତୁମ୍ଭେ ସଦାପ୍ରଭୁଙ୍କର ଯେଉଁ ବାକ୍ୟ କହିଅଛ, ତାହା ଉତ୍ତମ।” ସେ ଆହୁରି କହିଲେ, “ଯେବେ ଆମ୍ଭ ସମୟରେ ଶାନ୍ତି ଓ ସତ୍ୟତା ବିରାଜିତ ହୁଏ, ତେବେ ତାହା କ’ଣ (ଉତ୍ତମ) ନୁହେଁ ?”
\p
\v 20 ଏହି ହିଜକୀୟଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ତାଙ୍କର ସମସ୍ତ ପରାକ୍ରମ ଓ ସେ କିପରି ପୁଷ୍କରିଣୀ ଓ ନାଳ ପ୍ରସ୍ତୁତ କରି ନଗର ମଧ୍ୟକୁ ଜଳ ଆଣିଲେ, ଏହାସବୁ କ’ଣ ଯିହୁଦା ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ ?
\v 21 ଏଥିଉତ୍ତାରେ ହିଜକୀୟ ମୃତ୍ୟୁବରଣ କଲେ; ଆଉ ତାଙ୍କର ପୁତ୍ର ମନଃଶି ତାଙ୍କର ପଦରେ ରାଜ୍ୟ କଲେ।
\s5
\c 21
\s ଯିହୁଦାର ରାଜା ମନଃଶି
\p
\v 1 ମନଃଶି ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ବାର ବର୍ଷ ବୟସ୍କ ଥିଲେ ଓ ସେ ଯିରୂଶାଲମରେ ପଞ୍ଚାବନ ବର୍ଷ ରାଜ୍ୟ କଲେ ଆଉ ତାଙ୍କର ମାତାଙ୍କ ନାମ ହୀଫ୍‍ସୀବା ଥିଲା।
\v 2 ପୁଣି ସଦାପ୍ରଭୁ ଯେଉଁ ଅନ୍ୟ ଦେଶୀୟମାନଙ୍କୁ ଇସ୍ରାଏଲ ସନ୍ତାନଗଣ ସମ୍ମୁଖରୁ ଦୂର କରି ଦେଇଥିଲେ, ସେମାନଙ୍କର ଘୃଣାଯୋଗ୍ୟ କ୍ରିୟାନୁସାରେ ସେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ।
\v 3 କାରଣ ତାଙ୍କର ପିତା ହିଜକୀୟ ଯେଉଁ ଉଚ୍ଚସ୍ଥଳୀମାନ ବିନାଶ କରିଥିଲେ, ସେ ପୁନର୍ବାର ତାହାସବୁ ନିର୍ମାଣ କଲେ ଓ ଇସ୍ରାଏଲର ରାଜା ଆହାବ ଯେପରି କରିଥିଲେ, ସେପରି ସେ ବାଲ୍‍ ନିମନ୍ତେ ଯଜ୍ଞବେଦିମାନ ପ୍ରସ୍ତୁତ କଲେ, ଓ ଆଶେରା ମୂର୍ତ୍ତି ନିର୍ମାଣ କଲେ, ଓ ଆକାଶସ୍ଥ ବାହିନୀ ସକଳକୁ ପୂଜା କରି ସେମାନଙ୍କର ସେବା କଲେ।
\p
\s5
\v 4 ପୁଣି ଆମ୍ଭେ ଯିରୂଶାଲମରେ ଆପଣା ନାମ ସ୍ଥାପନ କରିବା ବୋଲି ସଦାପ୍ରଭୁ ଯେଉଁ ଗୃହ ବିଷୟରେ କହିଥିଲେ, ସଦାପ୍ରଭୁଙ୍କ ସେହି ଗୃହରେ ସେ ଯଜ୍ଞବେଦିମାନ ନିର୍ମାଣ କଲେ।
\v 5 ଆହୁରି ସେ ସଦାପ୍ରଭୁଙ୍କ ଗୃହର ଦୁଇ ପ୍ରାଙ୍ଗଣରେ ଆକାଶସ୍ଥ ବାହିନୀ ସକଳ ନିମନ୍ତେ ଯଜ୍ଞବେଦିମାନ ନିର୍ମାଣ କଲେ।
\v 6 ପୁଣି ସେ ଆପଣା ପୁତ୍ରକୁ ଅଗ୍ନି ମଧ୍ୟ ଦେଇ ଗମନ କରାଇଲେ ଓ ଶୁଭାଶୁଭ କହିବାର ବିଦ୍ୟା, ଓ ଗଣକତା ବ୍ୟବହାର କଲେ, ଆଉ ଭୂତୁଡ଼ିଆ ଓ ଗୁଣିଆମାନଙ୍କ ସହିତ ସମ୍ପର୍କ ରଖିଲେ। ସେ ସଦାପ୍ରଭୁଙ୍କୁ ବିରକ୍ତ କରିବା ନିମନ୍ତେ ତାହାଙ୍କ ଦୃଷ୍ଟିରେ ବହୁତ କୁକର୍ମ କଲେ।
\p
\s5
\v 7 ଆହୁରି ସେ ମନ୍ଦିରରେ ଆପଣା ନିର୍ମିତ ଆଶେରାର ଖୋଦିତ ମୂର୍ତ୍ତି ସ୍ଥାପନ କଲେ। ସେହି ମନ୍ଦିର ବିଷୟରେ ସଦାପ୍ରଭୁ ଦାଉଦଙ୍କୁ ଓ ତାଙ୍କର ପୁତ୍ର ଶଲୋମନଙ୍କୁ କହିଥିଲେ, “ଏହି ଗୃହରେ ଓ ଇସ୍ରାଏଲର ସମୁଦାୟ ଗୋଷ୍ଠୀ ମଧ୍ୟରୁ ଆମ୍ଭର ମନୋନୀତ ଯିରୂଶାଲମରେ ଆମ୍ଭେ ଆପଣା ନାମ ଚିରକାଳ ସ୍ଥାପନ କରିବା।
\v 8 ପୁଣି ଆମ୍ଭେ ସେମାନଙ୍କୁ ଯେଉଁ ସମସ୍ତ ଆଜ୍ଞା ଦେଇଅଛୁ ଓ ଆମ୍ଭ ସେବକ ମୋଶା ସେମାନଙ୍କୁ ଯେସମସ୍ତ ବ୍ୟବସ୍ଥା ଆଜ୍ଞା କରିଅଛି, କେବଳ ତଦନୁସାରେ ଆଚରଣ କରିବାକୁ ଯଦି ସେମାନେ ମନୋଯୋଗୀ ହେବେ, ତେବେ ଆମ୍ଭେ ସେମାନଙ୍କ ପୂର୍ବପୁରୁଷମାନଙ୍କୁ ଯେଉଁ ଦେଶ ଦେଇଅଛୁ, ତହିଁରୁ ଇସ୍ରାଏଲର ପାଦକୁ ଆଉ ଭ୍ରମଣ କରାଇବା ନାହିଁ।”
\v 9 ମାତ୍ର ସେମାନେ ଶୁଣିଲେ ନାହିଁ; ପୁଣି ସଦାପ୍ରଭୁ ଇସ୍ରାଏଲ ସନ୍ତାନଗଣ ସମ୍ମୁଖରେ ଯେଉଁ ଦେଶୀୟମାନଙ୍କୁ ବିନାଶ କରିଥିଲେ, ସେମାନଙ୍କ ଅପେକ୍ଷା ଅଧିକ କୁକର୍ମ କରିବାକୁ ମନଃଶି ସେମାନଙ୍କୁ ଭୁଲାଇଲେ।
\s5
\v 10 ଏଥିରେ ସଦାପ୍ରଭୁ ଆପଣା ସେବକ ଭବିଷ୍ୟଦ୍‍ବକ୍ତାଗଣ ଦ୍ୱାରା ଏହି କଥା କହିଲେ,
\v 11 “ଯିହୁଦାର ରାଜା ମନଃଶି ଏହି ସକଳ ଘୃଣାଯୋଗ୍ୟ କର୍ମ କରିଅଛି ଓ ତାହାର ପୂର୍ବେ ଯେଉଁ ଇମୋରୀୟମାନେ ଥିଲେ, ସେମାନଙ୍କ ଅପେକ୍ଷା ଅଧିକ ଦୁଷ୍କର୍ମ କରିଅଛି ଓ ଯିହୁଦାକୁ ମଧ୍ୟ ଆପଣା ପ୍ରତିମାଗଣ ଦ୍ୱାରା ପାପ କରାଇଅଛି।”
\p
\v 12 ଏହେତୁ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, “ଦେଖ, ଆମ୍ଭେ ଯିରୂଶାଲମ ଓ ଯିହୁଦା ଉପରେ ଏପରି ଅମଙ୍ଗଳ ଆଣିବା ଯେ, କେହି ତାହା ଶୁଣିଲେ ତାହାର ଦୁଇ କର୍ଣ୍ଣ ଝାଁ ଝାଁ ହେବ।
\s5
\v 13 ପୁଣି ଆମ୍ଭେ ଯିରୂଶାଲମ ଉପରେ ଶମରୀୟାର ରଜ୍ଜୁ ଓ ଆହାବ ବଂଶର ଓଳମ ଟାଣିବା ଓ ମନୁଷ୍ୟ ଯେପରି ଥାଳୀ ପୋଛେ, ଆଉ ପୋଛୁ ପୋଛୁ ତାହା ଓଲଟ ପାଲଟ କରେ, ସେପରି ଆମ୍ଭେ ଯିରୂଶାଲମକୁ ପୋଛି ପକାଇବା।
\v 14 ଆଉ ଆମ୍ଭେ ଆପଣା ଅଧିକାରର ଅବଶିଷ୍ଟାଂଶକୁ ଦୂର କରିବା ଓ ସେମାନଙ୍କୁ ସେମାନଙ୍କ ଶତ୍ରୁଗଣ ହସ୍ତରେ ସମର୍ପଣ କରିବା। ତହିଁରେ ସେମାନେ ଆପଣା ଶତ୍ରୁ ସମସ୍ତଙ୍କର ମୃଗୟା ଓ ଲୁଟ ସ୍ୱରୂପ ହେବେ।
\v 15 କାରଣ ସେମାନେ ଆମ୍ଭ ଦୃଷ୍ଟିରେ କୁକର୍ମ କରିଅଛନ୍ତି ଓ ସେମାନେ ଆପଣା ପିତୃଗଣ ମିସରରୁ ବାହାରି ଆସିବାର ଦିନଠାରୁ ଆଜି ପର୍ଯ୍ୟନ୍ତ ଆମ୍ଭକୁ ବିରକ୍ତ କରିଅଛନ୍ତି।”
\s5
\v 16 ଆହୁରି ମନଃଶି ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କରି ଆପଣାର ସେହି ପାପ ଦ୍ୱାରା ଯିହୁଦାକୁ ପାପ କରାଇବା ଛଡ଼ା ସେ ବହୁତ ନିର୍ଦ୍ଦୋଷ ରକ୍ତପାତ କରି ଯିରୂଶାଲମକୁ ଏକ ସୀମାରୁ ଅନ୍ୟ ସୀମା ପର୍ଯ୍ୟନ୍ତ ରକ୍ତରେ ପରିପୂର୍ଣ୍ଣ କଲେ।
\p
\v 17 ଏହି ମନଃଶିଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ତାଙ୍କର ସମସ୍ତ କ୍ରିୟା ଓ ତାଙ୍କର ପାପ କ’ଣ ଯିହୁଦା ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ ?
\v 18 ଏଥିଉତ୍ତାରେ ମନଃଶି ମୃତ୍ୟୁବରଣ କଲେ ଓ ଆପଣା ଗୃହର ଉଦ୍ୟାନରେ, ଅର୍ଥାତ୍‍, ଉଷର ଉଦ୍ୟାନରେ କବର ପ୍ରାପ୍ତ ହେଲେ। ତହୁଁ ତାଙ୍କର ପୁତ୍ର ଆମୋନ୍‍ ତାଙ୍କର ପଦରେ ରାଜ୍ୟ କଲେ।
\s ଯିହୁଦାର ରାଜା ଆମୋନ୍‍
\p
\s5
\v 19 ଆମୋନ୍‍ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ବାଇଶ ବର୍ଷ ବୟସ୍କ ଥିଲେ ଓ ସେ ଯିରୂଶାଲମରେ ଦୁଇ ବର୍ଷ ରାଜ୍ୟ କଲେ ତାଙ୍କର ମାତାର ନାମ ମଶୁଲ୍ଲେମତ୍‍, ସେ ଯଟ୍‍ବା ନିବାସୀ ହାରୁଷଙ୍କର କନ୍ୟା ଥିଲେ।
\v 20 ପୁଣି ଆମୋନ୍‍ ଆପଣା ପିତା ମନଃଶିଙ୍କ ତୁଲ୍ୟ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ।
\s5
\v 21 ତାଙ୍କର ପିତା ଯେଉଁ ପଥରେ ଚାଲିଥିଲେ, ସେ ସେହି ସମସ୍ତ ପଥରେ ଚାଲିଲେ ଓ ତାଙ୍କର ପିତା ଯେଉଁ ଦେବତାମାନଙ୍କର ସେବା କରିଥିଲେ, ସେ ସେମାନଙ୍କର ସେବା କଲେ ଓ ସେମାନଙ୍କୁ ପୂଜା କଲେ।
\v 22 ଆହୁରି ସେ ସଦାପ୍ରଭୁ ତାଙ୍କର ପିତୃଗଣର ପରମେଶ୍ୱରଙ୍କୁ ତ୍ୟାଗ କଲେ ଓ ସଦାପ୍ରଭୁଙ୍କ ପଥରେ ଚାଲିଲେ ନାହିଁ।
\v 23 ଆମୋନ୍‍ଙ୍କର ଦାସମାନେ ତାଙ୍କର ବିରୁଦ୍ଧରେ ଚକ୍ରାନ୍ତ କଲେ ଓ ରାଜାଙ୍କୁ ତାଙ୍କର ନିଜ ଗୃହରେ ବଧ କଲେ।
\s5
\v 24 ମାତ୍ର ଯେଉଁମାନେ ଆମୋନ୍‍ ରାଜା ବିରୁଦ୍ଧରେ ଚକ୍ରାନ୍ତ କରିଥିଲେ, ସେସମସ୍ତଙ୍କୁ ଦେଶର ଲୋକମାନେ ବଧ କଲେ, ଆଉ ଦେଶର ଲୋକମାନେ ତାଙ୍କର ପଦରେ ତାଙ୍କ ପୁତ୍ର ଯୋଶୀୟଙ୍କୁ ରାଜା କଲେ।
\v 25 ଏହି ଆମୋନ୍‍ଙ୍କର କୃତ ଅବଶିଷ୍ଟ କ୍ରିୟାର ବୃତ୍ତାନ୍ତ କ’ଣ ଯିହୁଦା ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ ?
\v 26 ପୁଣି ସେ ଉଷର ଉଦ୍ୟାନସ୍ଥିତ ଆପଣା କବରରେ କବର ପାଇଲେ, ଆଉ ତାଙ୍କର ପଦରେ ତାଙ୍କର ପୁତ୍ର ଯୋଶୀୟ ରାଜ୍ୟ କଲେ।
\s5
\c 22
\s ଯିହୁଦାର ରାଜା ଯୋଶୀୟ
\p
\v 1 ଯୋଶୀୟ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ଆଠ ବର୍ଷ ବୟସ୍କ ଥିଲେ, ଆଉ ସେ ଯିରୂଶାଲମରେ ଏକତିରିଶ ବର୍ଷ ରାଜ୍ୟ କଲେ; ତାଙ୍କର ମାତାଙ୍କ ନାମ ଯିଦୀଦା, ସେ ବସ୍କତୀୟ ଅଦାୟାଙ୍କର କନ୍ୟା ଥିଲେ।
\v 2 ପୁଣି ଯୋଶୀୟ ସଦାପ୍ରଭୁଙ୍କ ଦୃଷ୍ଟିରେ ଯଥାର୍ଥ କର୍ମ କଲେ ଓ ଆପଣା ପୂର୍ବପୁରୁଷ ଦାଉଦଙ୍କର ସମସ୍ତ ପଥରେ ଚାଲିଲେ, ପୁଣି ସେ ଡାହାଣ କିମ୍ବା ବାମ ପାର୍ଶ୍ୱକୁ ଫେରିଲେ ନାହିଁ।
\s ବ୍ୟବସ୍ଥା ପୁସ୍ତକ ପ୍ରାପ୍ତି
\p
\s5
\v 3 ଏଥିଉତ୍ତାରେ ଯୋଶୀୟ ରାଜାଙ୍କ ରାଜତ୍ଵର ଅଠର ବର୍ଷରେ ରାଜା, ମଶୁଲ୍ଲମର ପୌତ୍ର ଅତ୍‍ସଲୀୟର ପୁତ୍ର ଶାଫନ୍‍ ଲେଖକଙ୍କୁ ସଦାପ୍ରଭୁଙ୍କ ଗୃହକୁ ପଠାଇ କହିଲେ,
\v 4 “ସଦାପ୍ରଭୁଙ୍କ ଗୃହକୁ ଆନୀତ ଯେଉଁ ମୁଦ୍ରା ଦ୍ୱାରପାଳମାନେ ଲୋକମାନଙ୍କଠାରୁ ସଂଗ୍ରହ କରିଅଛନ୍ତି, ତାହା ଯେପରି ହିଲ୍‍କୀୟ ମହାଯାଜକ ଗଣିବ, ଏଥିପାଇଁ ତାହା ନିକଟକୁ ଯାଅ।
\v 5 ଆଉ ସେମାନେ ସଦାପ୍ରଭୁଙ୍କ ଗୃହର ତତ୍ତ୍ୱାବଧାରଣ କର୍ମକାରୀମାନଙ୍କ ହସ୍ତରେ ତାହା ସମର୍ପଣ କରନ୍ତୁ ଓ ସେମାନେ ସଦାପ୍ରଭୁଙ୍କ ଗୃହର କର୍ମକାରୀମାନଙ୍କୁ,
\s5
\v 6 ଅର୍ଥାତ୍‍, ସୂତ୍ରଧର ଓ ନିର୍ମାଣକାରୀ ଓ ରାଜମିସ୍ତ୍ରୀମାନଙ୍କୁ ଗୃହର ଭଗ୍ନସ୍ଥାନ ପୁନଃନିର୍ମାଣ କରିବା ପାଇଁ ଓ ଗୃହର ପୁନଃନିର୍ମାଣ କରିବା ନିମନ୍ତେ କାଷ୍ଠ ଓ ଖୋଦିତ ପ୍ରସ୍ତର କିଣିବା ପାଇଁ ତାହା ଦେଉନ୍ତୁ।”
\v 7 ତଥାପି ସେମାନଙ୍କ ହସ୍ତରେ ଯେଉଁ ମୁଦ୍ରା ସମର୍ପିତ ହେଲା, ତହିଁର ହିସାବ ସେମାନଙ୍କଠାରୁ ନିଆଗଲା ନାହିଁ, କାରଣ ସେମାନେ ବିଶ୍ୱସ୍ତ ରୂପେ କାର୍ଯ୍ୟ କଲେ।
\p
\s5
\v 8 ସେତେବେଳେ ହିଲ୍‍କୀୟ ମହାଯାଜକ ଶାଫନ୍‍ ଲେଖକଙ୍କୁ କହିଲା, “ଆମ୍ଭେ ସଦାପ୍ରଭୁଙ୍କ ଗୃହରେ ଏହି ବ୍ୟବସ୍ଥା ପୁସ୍ତକ ପାଇଅଛୁ।” ଆଉ ହିଲ୍‍କିୟ ଶାଫନ୍‍କୁ ସେହି ପୁସ୍ତକ ଦିଅନ୍ତେ, ସେ ତାହା ପାଠ କଲା।
\v 9 ଏଥିଉତ୍ତାରେ ଶାଫନ୍‍ ଲେଖକ ରାଜାଙ୍କ ନିକଟକୁ ଆସିଲା ଓ ପୁନର୍ବାର ରାଜାଙ୍କୁ ସମ୍ବାଦ ଦେଇ କହିଲା, “ଆପଣଙ୍କ ଦାସମାନେ ମନ୍ଦିରରେ ପ୍ରାପ୍ତ ସମସ୍ତ ମୁଦ୍ରା ଖାଲି କରି ସଦାପ୍ରଭୁଙ୍କ ଗୃହର ତତ୍ତ୍ୱାବଧାରଣ କର୍ମକାରୀମାନଙ୍କ ହସ୍ତରେ ସମର୍ପଣ କରିଅଛନ୍ତି।”
\v 10 ଆହୁରି ଶାଫନ୍‍ ଲେଖକ ରାଜାଙ୍କୁ ଜଣାଇ କହିଲା, “ହିଲ୍‍କିୟ ଯାଜକ ଆମ୍ଭକୁ ଏହି ପୁସ୍ତକ ଦେଇଅଛନ୍ତି ଓ ଶାଫନ୍‍ ତାହା ରାଜାଙ୍କ ସାକ୍ଷାତରେ ପାଠ କଲା।”
\s5
\v 11 ଏଥିରେ ରାଜା ସେହି ବ୍ୟବସ୍ଥା ପୁସ୍ତକରୁ ବାକ୍ୟ ଶ୍ରବଣ କରନ୍ତେ, ଆପଣା ବସ୍ତ୍ର ଚିରିଲେ।
\p
\v 12 ପୁଣି ରାଜା ଯୋଶୀୟ ହିଲ୍‍କିୟ ଯାଜକକୁ ଓ ଶାଫନ୍‍ର ପୁତ୍ର ଅହୀକାମ୍‍କୁ ଓ ମୀଖାୟର ପୁତ୍ର ଅକ୍‍‌‌ବୋରକୁ ଓ ଶାଫନ୍‍ ଲେଖକଙ୍କୁ ଓ ଅସାୟ ନାମକ ରାଜଭୃତ୍ୟକୁ ଏହି ଆଜ୍ଞା ଦେଇ କହିଲେ,
\v 13 “ତୁମ୍ଭେମାନେ ଯାଅ, ଏହି ପ୍ରାପ୍ତ ପୁସ୍ତକର ବାକ୍ୟ ବିଷୟରେ ଆମ୍ଭ ପାଇଁ ଓ ଲୋକମାନଙ୍କ ପାଇଁ ଓ ସମଗ୍ର ଯିହୁଦା ପାଇଁ ସଦାପ୍ରଭୁଙ୍କୁ ପଚାର, କାରଣ ଆମ୍ଭମାନଙ୍କ ବିଷୟରେ ଏହି ପୁସ୍ତକ ଲିଖିତ ସମସ୍ତ ବାକ୍ୟାନୁସାରେ କର୍ମ କରିବା ପାଇଁ ଆମ୍ଭମାନଙ୍କ ପିତୃଲୋକମାନେ ମନୋଯୋଗୀ ନ ହେବାରୁ, ଆମ୍ଭମାନଙ୍କ ବିରୁଦ୍ଧରେ ସଦାପ୍ରଭୁଙ୍କ ପ୍ରଜ୍ୱଳିତ କ୍ରୋଧ ଗୁରୁତର ହୋଇଅଛି।”
\p
\s5
\v 14 ତହିଁରେ ହିଲ୍‍କୀୟ ଯାଜକ ଓ ଅହୀକାମ୍‍ ଓ ଅକ୍‍‌‌ବୋର ଓ ଶାଫନ୍‍ ଓ ଅସାୟ, ବସ୍ତ୍ରାଗାରର ରକ୍ଷକ ହର୍ହସର ପୌତ୍ର ତିକ୍‍ବର ପୁତ୍ର ଶଲ୍ଲୁମ୍‍ର ଭାର୍ଯ୍ୟା ହୁଲ୍‍ଦା ଭବିଷ୍ୟଦ୍‍ବକ୍ତ୍ରୀ ନିକଟକୁ ଗଲେ। ସେ ଯିରୂଶାଲମର ଦ୍ୱିତୀୟ ବିଭାଗରେ ବାସ କରୁଥିଲା, ଆଉ ସେମାନେ ତାହା ସଙ୍ଗେ କଥୋପକଥନ କଲେ।
\v 15 ତହିଁରେ ହୁଲ୍‍ଦା ଭବିଷ୍ୟଦ୍‍ବକ୍ତ୍ରୀ ସେମାନଙ୍କୁ କହିଲା, “ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ‘ଯେଉଁ ଲୋକ ତୁମ୍ଭମାନଙ୍କୁ ଆମ୍ଭ ନିକଟକୁ ପଠାଇଲେ, ତାହାକୁ କୁହ,
\v 16 ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ଏହି ସ୍ଥାନ ଉପରେ ଓ ତନ୍ନିବାସୀମାନଙ୍କ ଉପରେ ଅମଙ୍ଗଳ, ଅର୍ଥାତ୍‍, ଯିହୁଦାର ରାଜା ଏହି ପୁସ୍ତକର ଯେଉଁ ଯେଉଁ ବାକ୍ୟ ପାଠ କରିଅଛି, ସେହି ସମସ୍ତ ଘଟାଇବା।
\s5
\v 17 କାରଣ ସେମାନେ ଆପଣାମାନଙ୍କ ହସ୍ତକୃତ ସମସ୍ତ କର୍ମ ଦ୍ୱାରା ଆମ୍ଭକୁ ବିରକ୍ତ କରିବା ପାଇଁ ଆମ୍ଭକୁ ପରିତ୍ୟାଗ କରିଅଛନ୍ତି ଓ ଅନ୍ୟ ଦେବଗଣ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇଅଛନ୍ତି। ଏହେତୁ ଏହି ସ୍ଥାନ ବିରୁଦ୍ଧରେ ଆମ୍ଭର କ୍ରୋଧ ପ୍ରଜ୍ୱଳିତ ହେବ ଓ ତାହା ନିର୍ବାଣ ହେବ ନାହିଁ।’”
\p
\v 18 ମାତ୍ର ସଦାପ୍ରଭୁଙ୍କୁ ପଚାରିବା ପାଇଁ ତୁମ୍ଭମାନଙ୍କୁ ପଠାଇଲେ ଯେ ଯିହୁଦା ରାଜା ଯୋଶୀୟ, ତାଙ୍କୁ ତୁମ୍ଭେମାନେ କହିବ, “ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ‘ତୁମ୍ଭର ଶ୍ରୁତ ବାକ୍ୟ ବିଷୟରେ ସଦାପ୍ରଭୁ କହନ୍ତି, ଆମ୍ଭେ ଏହି ସ୍ଥାନ ବିରୁଦ୍ଧରେ ଓ ତହିଁର ନିବାସୀମାନଙ୍କ ବିରୁଦ୍ଧରେ ଯେସକଳ ବାକ୍ୟ କହିଅଛୁ, ଅର୍ଥାତ୍‍, ସେମାନେ ଯେ ଧ୍ୱଂସର ଓ ଅଭିଶାପର ପାତ୍ର ହେବେ,
\v 19 ଏହି କଥା ଶୁଣି ତୁମ୍ଭର ଅନ୍ତଃକରଣ କୋମଳ ହେଲା, ତୁମ୍ଭେ ସଦାପ୍ରଭୁଙ୍କ ଛାମୁରେ ଆପଣାକୁ ନମ୍ର କଲ ଓ ଆପଣା ବସ୍ତ୍ର ଚିରିଲ ଓ ଆମ୍ଭ ଛାମୁରେ ରୋଦନ କଲ, ଏହେତୁ ଆମ୍ଭେ ମଧ୍ୟ ତୁମ୍ଭ କଥା ଶୁଣିଲୁ।
\s5
\v 20 ଏଥିପାଇଁ ଦେଖ, ଆମ୍ଭେ ତୁମ୍ଭକୁ ତୁମ୍ଭ ପିତୃଲୋକଙ୍କ ନିକଟରେ ସଂଗ୍ରହ କରିବା ଓ ତୁମ୍ଭେ ଶାନ୍ତିରେ ଆପଣା କବରରେ ସଂଗୃହୀତ ହେବ, ପୁଣି ଆମ୍ଭେ ଏହି ସ୍ଥାନ ଉପରେ ଯେସବୁ ଅମଙ୍ଗଳ ଆଣିବା, ତାହା ତୁମ୍ଭ ଚକ୍ଷୁ ଦେଖିବ ନାହିଁ।’” ଏଥିଉତ୍ତାରେ ଲୋକମାନେ ପୁନର୍ବାର ରାଜାଙ୍କୁ ଏହି କଥାର ସମାଚାର ଦେଲେ।
\s5
\c 23
\s ଯୋଶୀୟଙ୍କ ଧାର୍ମିକ ସଂସ୍କାର
\p
\v 1 ଏଥିଉତ୍ତାରେ ରାଜା ଲୋକ ପଠାନ୍ତେ, ସେମାନେ ଯିହୁଦାର ଓ ଯିରୂଶାଲମର ସମସ୍ତ ପ୍ରାଚୀନବର୍ଗଙ୍କୁ ତାଙ୍କ ନିକଟରେ ଏକତ୍ର କଲେ।
\v 2 ପୁଣି ରାଜା ସଦାପ୍ରଭୁଙ୍କ ଗୃହକୁ ଗମନ କଲେ, ଆଉ ତାଙ୍କ ସଙ୍ଗେ ଯିହୁଦାର ସମସ୍ତ ମନୁଷ୍ୟ ଓ ଯିରୂଶାଲମ ନିବାସୀ ସମସ୍ତେ ଓ ଯାଜକମାନେ ଓ ଭବିଷ୍ୟଦ୍‍ବକ୍ତାମାନେ ଓ ସାନ ବଡ଼ ସମସ୍ତ ଲୋକ ଗମନ କଲେ। ତହୁଁ ସେ ସଦାପ୍ରଭୁଙ୍କ ଗୃହରେ ପ୍ରାପ୍ତ ନିୟମ ପୁସ୍ତକର ସମସ୍ତ ବାକ୍ୟ ସେମାନଙ୍କ କର୍ଣ୍ଣଗୋଚରରେ ପାଠ କଲେ।
\s5
\v 3 ଏଥିରେ ରାଜା ସ୍ତମ୍ଭ ନିକଟରେ ଠିଆ ହୋଇ ସଦାପ୍ରଭୁଙ୍କର ଅନୁଗାମୀ ହେବାକୁ ଓ ଆପଣାର ସମସ୍ତ ଅନ୍ତଃକରଣ ଓ ସମସ୍ତ ପ୍ରାଣ ସହିତ ତାହାଙ୍କ ଆଜ୍ଞା ଓ ସାକ୍ଷ୍ୟ କଥା ଓ ବିଧି ପାଳନ କରି, ଏହି ପୁସ୍ତକରେ ଲିଖିତ ନିୟମ ବାକ୍ୟ ସଫଳ କରିବା ପାଇଁ ସଦାପ୍ରଭୁଙ୍କ ସମ୍ମୁଖରେ ନିୟମ କଲେ। ଆଉ ସମୁଦାୟ ଲୋକ ସେହି ନିୟମରେ ସମ୍ମତ ହେଲେ।
\p
\s5
\v 4 ପୁଣି ରାଜା ଯୋଶୀୟ ସଦାପ୍ରଭୁଙ୍କ ମନ୍ଦିରରୁ ବାଲ୍‍ର ଓ ଆଶେରା ମୂର୍ତ୍ତିର ଓ ଆକାଶସ୍ଥ ବାହିନୀ ସକଳ ନିମନ୍ତେ ନିର୍ମିତ ସକଳ ସାମଗ୍ରୀ ବାହାର କରି ଆଣିବା ପାଇଁ ହିଲ୍‍କୀୟ ମହାଯାଜକକୁ ଓ ଦ୍ୱିତୀୟ ଶ୍ରେଣୀର ଯାଜକମାନଙ୍କୁ ଓ ଦ୍ୱାରପାଳମାନଙ୍କୁ ଆଜ୍ଞା କଲେ; ତହୁଁ ସେ ଯିରୂଶାଲମର ବାହାରେ କିଦ୍ରୋଣ ପଦାରେ ତାହାସବୁ ଦଗ୍ଧ କରି ତହିଁର ଭସ୍ମ ବେଥେଲ୍‍କୁ ନେଇଗଲେ।
\v 5 ପୁଣି ଯିହୁଦାର ରାଜାମାନେ ଯେଉଁ ପୌତ୍ତଳିକ ପୁରୋହିତମାନଙ୍କୁ ଯିହୁଦା ଦେଶସ୍ଥ ନଗରସବୁର ଉଚ୍ଚସ୍ଥଳୀମାନରେ ଓ ଯିରୂଶାଲମର ଚତୁର୍ଦ୍ଦିଗର ସ୍ଥାନସବୁରେ ଧୂପ ଜ୍ୱଳାଇବା ପାଇଁ ନିଯୁକ୍ତ କରିଥଲେ, ସେମାନଙ୍କୁ, ମଧ୍ୟ ଯେଉଁମାନେ ବାଲ୍‍ର, ସୂର୍ଯ୍ୟର ଓ ଚନ୍ଦ୍ରର ଓ ଗ୍ରହଗଣର ଓ ଆକାଶସ୍ଥ ବାହିନୀ ସକଳ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇଲେ, ସେସବୁକୁ ସେ ରହିତ କଲେ।
\p
\s5
\v 6 ଆଉ ଯୋଶୀୟ ସଦାପ୍ରଭୁଙ୍କ ଗୃହରୁ ଆଶେରା ମୂର୍ତ୍ତି ବାହାର କରି ଯିରୂଶାଲମର ବାହାରେ କିଦ୍ରୋଣ ନଦୀକୁ ଆଣିଲେ ଓ କିଦ୍ରୋଣ ନଦୀ ନିକଟରେ ତାହା ଦଗ୍ଧ କରି ପେଷି ଚୂର୍ଣ୍ଣ କଲେ ଓ ସେହି ଚୂର୍ଣ୍ଣ ସାଧାରଣ ଲୋକମାନଙ୍କ କବର ଉପରେ ନିକ୍ଷେପ କଲେ।
\v 7 ଆହୁରି ଯେଉଁ ସ୍ଥାନରେ ସ୍ତ୍ରୀମାନେ ଆଶେରା ନିମନ୍ତେ ପଟଗୃହ ନିର୍ମାଣ କଲେ, ସଦାପ୍ରଭୁଙ୍କ ଗୃହରେ ସ୍ଥିତ ସଦୋମୀମାନଙ୍କ ସେହି ଗୃହସବୁ ଭାଙ୍ଗି ପକାଇଲେ।
\s5
\v 8 ପୁଣି ଯୋଶୀୟ ଯିହୁଦାର ନାନା ନଗରରୁ ସମସ୍ତ ଯାଜକଙ୍କୁ ଆଣିଲେ ଓ ଗେବା ଠାରୁ ବେର୍‍ଶେବା ପର୍ଯ୍ୟନ୍ତ ଯେ ଯେ ସ୍ଥାନରେ ଯାଜକମାନେ ଧୂପ ଜ୍ୱଳାଇଥିଲେ, ସେସବୁ ଉଚ୍ଚସ୍ଥଳୀ ଅଶୁଚି କଲେ। ପୁଣି ସେ ନଗର ଦ୍ୱାରରେ ପ୍ରବେଶକାରୀ ମନୁଷ୍ୟର ବାମ ଦିଗସ୍ଥିତ, ନଗରଅଧ୍ୟକ୍ଷ ଯିହୋଶୂୟର ଦ୍ୱାର ପ୍ରବେଶ ସ୍ଥାନ ନିକଟବର୍ତ୍ତୀ ନଗର ଦ୍ୱାରର ଉଚ୍ଚସ୍ଥଳୀସକଳ ଭାଙ୍ଗି ପକାଇଲେ।
\p
\v 9 ତଥାପି ଉଚ୍ଚସ୍ଥଳୀର ଯାଜକମାନେ ଯିରୂଶାଲମସ୍ଥ ସଦାପ୍ରଭୁଙ୍କ ଯଜ୍ଞବେଦି ନିକଟକୁ ଆସିଲେ ନାହିଁ, ମାତ୍ର ସେମାନେ ଆପଣା ଭ୍ରାତୃଗଣ ମଧ୍ୟରେ ଥାଇ ତାଡ଼ିଶୂନ୍ୟ ରୁଟି ଭୋଜନ କଲେ।
\s5
\v 10 ପୁଣି କେହି ଯେପରି ମୋଲକ୍‍ ଉଦ୍ଦେଶ୍ୟରେ ଆପଣା ପୁତ୍ର କି ଆପଣା କନ୍ୟାକୁ ଅଗ୍ନି ମଧ୍ୟଦେଇ ଗମନ ନ କରାଇବ, ଏଥିପାଇଁ ସେ ହିନ୍ନୋମର ସନ୍ତାନଗଣ ଉପତ୍ୟକାସ୍ଥିତ ତୋଫତ୍‍ ନାମକ ସ୍ଥାନକୁ ଅଶୁଚି କଲେ।
\v 11 ଆହୁରି ମନ୍ଦିରର ସୀମାନ୍ତବର୍ତ୍ତୀ ନଥନ-ମେଲକ ନାମକ ନପୁଂସକର କୋଠରି ନିକଟସ୍ଥ ସଦାପ୍ରଭୁଙ୍କ ଗୃହର ପ୍ରବେଶ ସ୍ଥାନ ସମୀପରେ ଯିହୁଦାର ରାଜାମାନେ ସୂର୍ଯ୍ୟ ଉଦ୍ଦେଶ୍ୟରେ ଯେଉଁ ଅଶ୍ୱମାନଙ୍କୁ ଦେଇଥିଲେ, ସେ ସେମାନଙ୍କୁ ନେଇଗଲେ, ପୁଣି ସେ ସୂର୍ଯ୍ୟରଥସବୁ ଅଗ୍ନିରେ ଦଗ୍ଧ କଲେ।
\p
\s5
\v 12 ଆଉ ଯିହୁଦାର ରାଜାମାନେ ଆହସ୍‌ର ଉପରିସ୍ଥ କୋଠରି ଛାତ ଉପରେ ଯେ ଯେ ଯଜ୍ଞବେଦି ନିର୍ମାଣ କରିଥିଲେ ଓ ମନଃଶି ସଦାପ୍ରଭୁଙ୍କ ଗୃହର ଦୁଇ ପ୍ରାଙ୍ଗଣରେ ଯେ ଯେ ଯଜ୍ଞବେଦି ନିର୍ମାଣ କରିଥିଲେ, ରାଜା ସେସବୁକୁ ସେସ୍ଥାନରୁ ଭାଙ୍ଗି ପକାଇ ଚୂର୍ଣ୍ଣ କଲେ ଓ ତହିଁର ଧୂଳି କିଦ୍ରୋଣ ନଦୀରେ ଫୋପାଡି ଦେଲେ।
\v 13 ପୁଣି ବିନାଶ ପର୍ବତର ଦକ୍ଷିଣ ପାର୍ଶ୍ୱରେ ଯିରୂଶାଲମ ସମ୍ମୁଖରେ ଇସ୍ରାଏଲର ରାଜା ଶଲୋମନ ସୀଦୋନୀୟମାନଙ୍କ ଘୃଣାଯୋଗ୍ୟ ଅଷ୍ଟାରୋତ୍‍ ନିମନ୍ତେ ଓ ମୋୟାବର ଘୃଣାଯୋଗ୍ୟ କମୋଶ ନିମନ୍ତେ ଓ ଅମ୍ମୋନ ସନ୍ତାନଗଣର ଘୃଣାଯୋଗ୍ୟ ମିଲ୍‍କମ୍‍ ନିମନ୍ତେ ଯେ ଯେ ଉଚ୍ଚସ୍ଥଳୀ ନିର୍ମାଣ କରିଥିଲେ, ସେସବୁକୁ ରାଜା ଅଶୁଚି କଲେ।
\v 14 ଆଉ ସେ ସ୍ତମ୍ଭସକଳ ଭାଙ୍ଗି ପକାଇଲେ ଓ ଆଶେରା ମୂର୍ତ୍ତିମାନ ଛେଦନ କରି ମନୁଷ୍ୟର ଅସ୍ଥିରେ ସେମାନଙ୍କ ସ୍ଥାନ ପୂର୍ଣ୍ଣ କଲେ।
\s5
\v 15 ଆହୁରି ବେଥେଲ୍‍ରେ ଯେଉଁ ଯଜ୍ଞବେଦି ଥିଲା ଓ ଇସ୍ରାଏଲକୁ ପାପ କରାଇଥିଲେ ଯେ ନବାଟର ପୁତ୍ର ଯାରବୀୟାମ, ସେ ଯେଉଁ ଉଚ୍ଚସ୍ଥଳୀ ନିର୍ମାଣ କରିଥିଲେ, ଯୋଶୀୟ ସେହି ଯଜ୍ଞବେଦି ଓ ଉଚ୍ଚସ୍ଥଳୀ ଭାଙ୍ଗି ପକାଇଲେ, ପୁଣି ସେ ଉଚ୍ଚସ୍ଥଳୀ ଦଗ୍ଧ କରି ପେଷି ଚୂର୍ଣ୍ଣ କଲେ, ଆଉ ଆଶେରାମୂର୍ତ୍ତିକୁ ଦଗ୍ଧ କଲେ।
\p
\v 16 ଏଥିଉତ୍ତାରେ ଯୋଶୀୟ ମୁଖ ଫେରାଇବା ବେଳେ ସେଠାର ପର୍ବତସ୍ଥିତ କବରମାନ ଦେଖିଲେ। ତହୁଁ ସେ ଲୋକ ପଠାଇ ସେହି କବରରୁ ଅସ୍ଥି ଅଣାଇଲେ, ଆଉ ପରମେଶ୍ୱରଙ୍କର ଯେଉଁ ଲୋକ ପୂର୍ବେ ଏହିସବୁ ବିଷୟ ପ୍ରଚାର କରିଥିଲେ, ତାଙ୍କ ପ୍ରଚାରିତ ସଦାପ୍ରଭୁଙ୍କ ସେହି ବାକ୍ୟାନୁସାରେ ସେହି ଯଜ୍ଞବେଦି ଉପରେ ସେହି ଅସ୍ଥିସବୁ ଦଗ୍ଧ କରି ତାହା ଅଶୁଚି କଲେ।
\s5
\v 17 ତହୁଁ ସେ ପଚାରିଲେ, “ସେହି ଯେ ସ୍ତମ୍ଭ ଆମ୍ଭେ ଦେଖୁଅଛୁ, ତାହା କଅଣ ?” ଏଥିରେ ନଗରର ଲୋକମାନେ ଉତ୍ତର କଲେ, “ପରମେଶ୍ୱରଙ୍କର ଯେଉଁ ଲୋକ ଯିହୁଦାରୁ ଆସି ଆପଣଙ୍କ କୃତ ଏହି ସକଳ ବିଷୟ ବେଥେଲ୍‍ସ୍ଥ ଯଜ୍ଞବେଦି ବିରୁଦ୍ଧରେ ପ୍ରଚାର କରିଥିଲେ, ତାହା ତାଙ୍କର କବର।”
\v 18 ତେବେ ରାଜା ଯୋଶୀୟ କହିଲେ, “ତାଙ୍କୁ ଛାଡ଼ିଦିଅ; କେହି ତାଙ୍କର ଅସ୍ଥି ସ୍ଥାନାନ୍ତର ନ କରୁ।” ଏହେତୁ ସେମାନେ ଶମରୀୟାରୁ ଆଗତ ଭବିଷ୍ୟଦ୍‍ବକ୍ତାଙ୍କର ଅସ୍ଥି ସହିତ ତାହାର ଅସ୍ଥି ଛାଡ଼ିଦେଲେ।
\p
\s5
\v 19 ପୁଣି ଇସ୍ରାଏଲର ରାଜାମାନେ ସଦାପ୍ରଭୁଙ୍କୁ ବିରକ୍ତ କରିବା ପାଇଁ ଶମରୀୟାର ନାନା ନଗରରେ ଯେ ଯେ ଉଚ୍ଚସ୍ଥଳୀର ଗୃହ ନିର୍ମାଣ କରିଥିଲେ, ଯୋଶୀୟ ସେସବୁ ମଧ୍ୟ ଦୂର କଲେ ଓ ବେଥେଲ୍‍ରେ ଯେପରି କର୍ମ କରିଥିଲେ, ସେସବୁ ପ୍ରତି ସେହିପରି କଲେ।
\v 20 ପୁଣି ସେ ଉଚ୍ଚସ୍ଥଳୀର ଯାଜକ ସମସ୍ତଙ୍କୁ ଯଜ୍ଞବେଦିରେ ବଧ କରି, ତହିଁ ଉପରେ ମନୁଷ୍ୟମାନଙ୍କ ଅସ୍ଥି ଦଗ୍ଧ କଲେ; ଏଥିଉତ୍ତାରେ ସେ ଯିରୂଶାଲମକୁ ଫେରିଗଲେ।
\s5
\v 21 ଆହୁରି ରାଜା ସମସ୍ତ ଲୋକଙ୍କୁ ଆଜ୍ଞା ଦେଇ କହିଲେ, “ଏହି ନିୟମ ପୁସ୍ତକରେ ଯେପରି ଲେଖାଅଛି; ତଦନୁସାରେ ତୁମ୍ଭେମାନେ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ନିସ୍ତାର ପର୍ବ ପାଳନ କର।”
\v 22 ପ୍ରକୃତରେ ଇସ୍ରାଏଲର ବିଚାରକାରୀ ବିଚାର କର୍ତ୍ତୃଗଣର ସମୟଠାରୁ, କିଅବା ଇସ୍ରାଏଲର ରାଜାମାନଙ୍କର ଓ ଯିହୁଦାର ରାଜାମାନଙ୍କର ସମସ୍ତ ସମୟରେ ଏପ୍ରକାର ନିସ୍ତାର ପର୍ବ ପାଳନ କରାଯାଇ ନ ଥିଲା।
\v 23 ମାତ୍ର ଯୋଶୀୟ ରାଜାଙ୍କ ରାଜତ୍ଵର ଅଠର ବର୍ଷରେ ଏହି ନିସ୍ତାର ପର୍ବ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଯିରୂଶାଲମରେ ପାଳନ କରାଗଲା।
\p
\s5
\v 24 ଆହୁରି ଯୋଶୀୟ ଯେପରି ସଦାପ୍ରଭୁଙ୍କ ଗୃହରେ ହିଲ୍‍କୀୟ ଯାଜକର ପ୍ରାପ୍ତ ପୁସ୍ତକରେ ଲିଖିତ ବ୍ୟବସ୍ଥାର ସମସ୍ତ ବାକ୍ୟ ସଫଳ କରି ପାରିବେ, ଏଥିପାଇଁ ଯିହୁଦା ଦେଶରେ ଓ ଯିରୂଶାଲମରେ ଯେସବୁ ଭୂତୁଡ଼ିଆ, ଗୁଣିଆ, ଠାକୁର, ପୁତ୍ତଳି ଓ ଘୃଣାଯୋଗ୍ୟ ବସ୍ତୁ ଦେଖାଗଲା, ସେ ତାହାସବୁ ଦୂର କଲେ।
\v 25 ଆଉ ଯୋଶୀୟଙ୍କ ପରି ଯେ ଆପଣାର ସମସ୍ତ ଅନ୍ତଃକରଣ ଓ ସମସ୍ତ ପ୍ରାଣ ଓ ସମସ୍ତ ଶକ୍ତି ଦ୍ୱାରା ମୋଶାଙ୍କର ସକଳ ବ୍ୟବସ୍ଥାନୁସାରେ ସଦାପ୍ରଭୁଙ୍କ ପ୍ରତି ଫେରିଲେ, ଏପରି କୌଣସି ରାଜା ତାଙ୍କର ପୂର୍ବେ ନ ଥିଲେ, କିଅବା ଯୋଶୀୟଙ୍କ ପରି କେହି ତାଙ୍କ ଉତ୍ତାରେ ଉଦିତ ହେଲେ ନାହିଁ।
\p
\s5
\v 26 ତଥାପି ମନଃଶି ଯେସବୁ ବିରକ୍ତିଜନକ କ୍ରିୟା ଦ୍ୱାରା ସଦାପ୍ରଭୁଙ୍କୁ ବିରକ୍ତ କରିଥିଲେ, ତହିଁ ସକାଶୁ ଯିହୁଦା ପ୍ରତିକୂଳରେ ତାହାଙ୍କର ଯେଉଁ କ୍ରୋଧ ପ୍ରଜ୍ୱଳିତ ହୋଇଥିଲା, ସଦାପ୍ରଭୁ ଆପଣାର ସେହି ପ୍ରଚଣ୍ଡ ମହାକୋପରୁ ଫେରିଲେ ନାହିଁ।
\v 27 ଆହୁରି ସଦାପ୍ରଭୁ କହିଲେ, “ଆମ୍ଭେ ଯେପରି ଇସ୍ରାଏଲକୁ ଦୂର କରିଅଛୁ, ସେପରି ଆମ୍ଭେ ଆପଣା ଦୃଷ୍ଟିରୁ ଯିହୁଦାକୁ ମଧ୍ୟ ଦୂର କରିବା ଓ ଆମ୍ଭେ ଏହି ଯେ ଯିରୂଶାଲମ ନଗରକୁ ମନୋନୀତ କରିଅଛୁ ଓ ଏହି ସ୍ଥାନରେ ଆମ୍ଭର ନାମ ରହିବ ବୋଲି ଯେଉଁ ଗୃହ ବିଷୟରେ କରିଅଛୁ, ଏହାକୁ ଆମ୍ଭେ ଅଗ୍ରାହ୍ୟ କରିବା।”
\s ଯୋଶୀୟଙ୍କ ରାଜତ୍ୱର ଅବସାନ
\p
\s5
\v 28 ଏହି ଯୋଶୀୟଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ତାଙ୍କର ସମସ୍ତ କ୍ରିୟା କ’ଣ ଯିହୁଦା ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ ?
\v 29 ତାଙ୍କ ସମୟରେ ମିସ୍ରୀୟ ରାଜା ଫାରୋ-ନଖୋ ଅଶୂରୀୟ ରାଜାର ବିରୁଦ୍ଧରେ ଫରାତ୍‍ ନଦୀ ଆଡ଼କୁ ଯାତ୍ରା କଲା; ଆଉ ଯୋଶୀୟ ରାଜା ତାହା ବିରୁଦ୍ଧରେ ଯାତ୍ରା କଲେ ତହିଁରେ ଫାରୋ-ନଖୋ ତାଙ୍କୁ ଦେଖି ମଗିଦ୍ଦୋ ନିକଟରେ ତାଙ୍କୁ ବଧ କଲା।
\v 30 ଏଥିଉତ୍ତାରେ ଯୋଶୀୟଙ୍କ ଦାସମାନେ ମଗିଦ୍ଦୋରୁ ଯିରୂଶାଲମକୁ ତାଙ୍କର ମୃତ ଶରୀର ରଥରେ ଆଣି ତାଙ୍କର ନିଜ କବରରେ କବର ଦେଲେ। ତହୁଁ ଦେଶର ଲୋକମାନେ ଯୋଶୀୟଙ୍କର ପୁତ୍ର ଯିହୋୟାହସ୍‌ଙ୍କୁ ନେଇ ତାଙ୍କୁ ଅଭିଷେକ କରି ତାଙ୍କ ପିତାଙ୍କ ପଦରେ ତାଙ୍କୁ ରାଜା କଲେ।
\s ଯିହୁଦାର ରାଜା ଯିହୋୟାହସ୍‍
\p
\s5
\v 31 ଯିହୋୟାହସ୍‌ ରାଜ୍ୟ କରିବାକୁ ଆରମ୍ଭ କରିବା ବେଳେ ତେଇଶ ବର୍ଷ ବୟସ୍କ ହୋଇଥିଲେ ଓ ସେ ଯିରୂଶାଲମରେ ତିନି ମାସ ରାଜ୍ୟ କଲେ; ତାଙ୍କର ମାତାଙ୍କର ନାମ ହମୁଟଲ୍‍, ସେ ଲିବ୍‍ନା ନିବାସୀ ଯିରିମୀୟର କନ୍ୟା ଥିଲେ।
\v 32 ସେ ଆପଣା ପୂର୍ବପୁରୁଷଗଣର ସକଳ କ୍ରିୟାନୁସାରେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ।
\v 33 ପୁଣି ସେ ଯେପରି ଯିରୂଶାଲମରେ ରାଜ୍ୟ କରି ନ ପାରିବେ, ଏଥିପାଇଁ ଫାରୋ-ନଖୋ ହମାତ ଦେଶସ୍ଥ ରିବ୍‍ଲାରେ ତାଙ୍କୁ ବନ୍ଦ କରି ରଖିଲା ଓ ଦେଶ ଉପରେ ଏକ ଶହ ତାଳନ୍ତ ରୂପା ଓ ଏକ ତାଳନ୍ତ
\f +
\fr 23:33
\ft ପ୍ରାୟ ୩୩ କିଲୋଗ୍ରାମ୍ ଅଟେ
\f* ସୁନା କର ବସାଇଲା।
\s5
\v 34 ତହୁଁ ଫାରୋ-ନଖୋ ଯୋଶୀୟଙ୍କର ପୁତ୍ର ଇଲିୟାକୀମ୍‍ଙ୍କୁ ତାଙ୍କର ପିତା ଯୋଶୀୟଙ୍କର ପଦରେ ରାଜା କଲା ଓ ତାଙ୍କର ନାମ ବଦଳାଇ ଯିହୋୟାକୀମ୍‍ ରଖିଲା; ମାତ୍ର ସେ ଯିହୋୟାହସ୍‌ଙ୍କୁ ନେଇ ଗଲା; ଆଉ ସେ ମିସରରେ ଉପସ୍ଥିତ ହୋଇ ସେଠାରେ ମଲେ।
\s ଯିହୁଦାର ରାଜା ଯିହୋୟାକୀମ୍‍
\p
\v 35 ଏଥିଉତ୍ତାରେ ଯିହୋୟାକୀମ୍‍ ଫାରୋକୁ ସେହି ସକଳ ରୂପା ଓ ସୁନା ଦେଲେ; ମାତ୍ର ଫାରୋର ଆଜ୍ଞାନୁସାରେ ସେହିସବୁ ଦେବା ନିମନ୍ତେ ସେ ଦେଶ ଉପରେ କର ବସାଇଲେ। ସେ ଫାରୋ-ନଖୋକୁ ଦେବା ନିମନ୍ତେ ପ୍ରତ୍ୟେକର ଉପରେ ନିରୂପିତ କର ଅନୁସାରେ ଦେଶର ଲୋକମାନଙ୍କଠାରୁ ସେହି ରୂପା ଓ ସୁନା ଆଦାୟ କଲେ।
\s5
\v 36 ଯିହୋୟାକୀମ୍‍ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ପଚିଶ ବର୍ଷ ବୟସ୍କ ହୋଇଥିଲେ; ସେ ଯିରୂଶାଲମରେ ଏଗାର ବର୍ଷ ରାଜ୍ୟ କଲେ; ତାଙ୍କର ମାତାଙ୍କର ନାମ ସବୀଦା, ସେ ରୁମା ନିବାସୀ ପଦାୟର କନ୍ୟା ଥିଲେ।
\v 37 ଏହି ଯିହୋୟାକୀମ୍‍ ଆପଣା ପୂର୍ବପୁରୁଷଗଣର ସମସ୍ତ କ୍ରିୟାନୁସାରେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ।
\s5
\c 24
\p
\v 1 ଯିହୋୟାକୀମ୍‍ଙ୍କ ରାଜତ୍ଵ ସମୟରେ ବାବିଲର ରାଜା ନବୂଖଦ୍‍ନିତ୍ସର ଯିହୁଦା ଉପରେ ଆକ୍ରମଣ କଲେ, ପୁଣି ଯିହୋୟାକୀମ୍‍ ତିନି ବର୍ଷ ତାହାର ଦାସ ହେଲେ; ତହିଁ ଉତ୍ତାରେ ସେ ଫେରି ତାହାର ବିଦ୍ରୋହୀ ହେଲେ।
\v 2 ଏଥିଉତ୍ତାରେ ସଦାପ୍ରଭୁ ତାଙ୍କ ବିରୁଦ୍ଧରେ କଲ୍‍ଦୀୟ ସୈନ୍ୟଦଳ ଓ ଅରାମୀୟ ସୈନ୍ୟଦଳ ଓ ମୋୟାବୀୟ ସୈନ୍ୟଦଳ ଓ ଅମ୍ମୋନ ସନ୍ତାନମାନଙ୍କ ସୈନ୍ୟଦଳ ପ୍ରେରଣ କଲେ। ସଦାପ୍ରଭୁ ଆପଣା ଦାସ ଭବିଷ୍ୟଦ୍‍ବକ୍ତାଗଣ ଦ୍ୱାରା ଯାହା କହିଥିଲେ, ଆପଣାର ସେହି ବାକ୍ୟାନୁସାରେ ଯିହୁଦାକୁ ବିନାଶ କରିବା ପାଇଁ ତହିଁ ବିରୁଦ୍ଧରେ ସେମାନଙ୍କୁ ପ୍ରେରଣ କଲେ।
\s5
\v 3 ପ୍ରକୃତରେ ମନଃଶିର ପାପ ସକାଶୁ, ତାହାର ସମସ୍ତ କୃତକର୍ମାନୁସାରେ,
\v 4 ଓ ମଧ୍ୟ ସେ ନିର୍ଦ୍ଦୋଷ ରକ୍ତପାତ କରିବା ସକାଶୁ, ଯିହୁଦାକୁ ଆପଣା ଦୃଷ୍ଟିରୁ ଦୂର କରିବା ଲାଗି ସଦାପ୍ରଭୁଙ୍କ ଆଜ୍ଞାରେ ସେମାନଙ୍କ ପ୍ରତି ଏହା ଘଟିଲା; କାରଣ ମନଃଶି ନିର୍ଦ୍ଦୋଷ ରକ୍ତରେ ଯିରୂଶାଲମକୁ ପରିପୂର୍ଣ୍ଣ କଲା, ପୁଣି ସଦାପ୍ରଭୁ କ୍ଷମା କରିବାକୁ ସମ୍ମତ ହେଲେ ନାହିଁ।
\p
\s5
\v 5 ଏହି ଯିହୋୟାକୀମ୍‍ଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ତାଙ୍କର ସମସ୍ତ କ୍ରିୟା କ’ଣ ଯିହୁଦା ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ ?
\v 6 ଏଥିଉତ୍ତାରେ ଯିହୋୟାକୀମ୍‍ ମୃତ୍ୟୁବରଣ କଲେ; ତହୁଁ ତାଙ୍କର ପୁତ୍ର ଯିହୋୟାଖୀନ୍‍ ତାଙ୍କର ପଦରେ ରାଜ୍ୟ କଲେ।
\s5
\v 7 ଏଥିଉତ୍ତାରେ ମିସରର ରାଜା ପୁନର୍ବାର ଆପଣା ଦେଶରୁ ଆଉ ଆସିଲେ ନାହିଁ; କାରଣ ବାବିଲର ରାଜା ମିସରର ନଦୀଠାରୁ ଫରାତ୍‍ ନଦୀ ପର୍ଯ୍ୟନ୍ତ ମିସ୍ରୀୟ ରାଜାଙ୍କର ସମସ୍ତ ଅଧିକାର ହସ୍ତଗତ କରିଥିଲେ।
\s ଯିହୁଦାର ରାଜା ଯିହୋୟାଖୀନ୍‍
\p
\s5
\v 8 ଯିହୋୟାଖୀନ୍‍ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ଅଠର ବର୍ଷ ବୟସ୍କ ଥିଲେ ଓ ସେ ଯିରୂଶାଲମରେ ତିନି ମାସ ରାଜ୍ୟ କଲେ। ତାଙ୍କର ମାତାଙ୍କର ନାମ ନହୁଷ୍ଟା, ସେ ଯିରୂଶାଲମ ନିବାସୀ ଇଲ୍‍ନାଥନର କନ୍ୟା।
\v 9 ଯିହୋୟାଖୀନ୍‍ ଆପଣା ପିତାଙ୍କର ସମସ୍ତ କ୍ରିୟାନୁସାରେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ।
\p
\s5
\v 10 ସେସମୟରେ ବାବିଲର ରାଜା ନବୂଖଦ୍‍ନିତ୍ସରର ଦାସମାନେ ଯିରୂଶାଲମକୁ ଆସିଲେ, ତହିଁରେ ନଗର ଅବରୁଦ୍ଧ ହେଲା।
\v 11 ପୁଣି ତାହାର ଦାସମାନେ ଅବରୋଧ କରୁଥିବା ସମୟରେ ବାବିଲର ରାଜା ନବୂଖଦ୍‍ନିତ୍ସର ନଗରରେ ଉପସ୍ଥିତ ହେଲା।
\v 12 ତହିଁରେ ଯିହୁଦାର ରାଜା ଯିହୋୟାଖୀନ୍‍ ଓ ତାଙ୍କର ମାତା ଓ ତାଙ୍କର ଦାସମାନେ ଓ ତାଙ୍କର ଅଧିପତିମାନେ ଓ ତାଙ୍କର ନପୁଂସକମାନେ ବାବିଲ ରାଜା ନିକଟକୁ ବାହାରି ଗଲେ; ପୁଣି ବାବିଲ ରାଜା ଆପଣା ରାଜତ୍ଵର ଅଷ୍ଟମ ବର୍ଷରେ ତାଙ୍କୁ ଧରିଲା।
\p
\s5
\v 13 ଆଉ ନବୂଖଦ୍‍ନିତ୍ସର ସଦାପ୍ରଭୁଙ୍କ ଉକ୍ତି ଅନୁସାରେ ସେସ୍ଥାନରୁ ସଦାପ୍ରଭୁଙ୍କ ଗୃହର ସମସ୍ତ ଧନ ଓ ରାଜଗୃହର ଧନ ନେଇଗଲା ଓ ଇସ୍ରାଏଲର ରାଜା ଶଲୋମନ ସଦାପ୍ରଭୁଙ୍କ ମନ୍ଦିରରେ ଯେସକଳ ସ୍ୱର୍ଣ୍ଣମୟ ପାତ୍ର ନିର୍ମାଣ କରିଥିଲେ, ତାହାସବୁ ଖଣ୍ଡ ଖଣ୍ଡ କରି କାଟି ପକାଇଲା।
\v 14 ଆହୁରି ସେ ଯିରୂଶାଲମର ସମଗ୍ର ଲୋକଙ୍କୁ ଓ ଅଧିପତି ସମସ୍ତଙ୍କୁ ଓ ମହାବିକ୍ରମଶାଳୀ ଲୋକ ସମସ୍ତଙ୍କୁ, ଏପରି ଦଶ ସହସ୍ର ବନ୍ଦୀଙ୍କୁ, ଆଉ ସମସ୍ତ ଶିଳ୍ପକାର ଓ କର୍ମକାରମାନଙ୍କୁ ନେଇଗଲା। ଦେଶର ନିତାନ୍ତ ଦରିଦ୍ର ଲୋକ ଛଡ଼ା ଆଉ କେହି ଅବଶିଷ୍ଟ ରହିଲେ ନାହିଁ।
\p
\s5
\v 15 ଆହୁରି ନବୂଖଦ୍‍ନିତ୍ସର ଯିହୋୟାଖୀନ୍‍ଙ୍କୁ ବାବିଲକୁ ନେଇଗଲା ଏବଂ ରାଜାଙ୍କ ମାତାକୁ ଓ ରାଜାଙ୍କର ପତ୍ନୀମାନଙ୍କୁ ଓ ତାଙ୍କର ନପୁଂସକମାନଙ୍କୁ ଓ ଦେଶର ପ୍ରଧାନ ଲୋକମାନଙ୍କୁ ସେ ଯିରୂଶାଲମରୁ ବନ୍ଦୀ କରି ବାବିଲକୁ ନେଇଗଲା।
\v 16 ଆଉ ସମସ୍ତ ବଳବାନ ଲୋକଙ୍କୁ, ଅର୍ଥାତ୍‍, ସାତ ସହସ୍ର ଲୋକଙ୍କୁ ଓ ଏକ ସହସ୍ର ଶିଳ୍ପକାର ଓ କର୍ମକାର ଲୋକଙ୍କୁ ବାବିଲ ରାଜା ବନ୍ଦୀ କରି ବାବିଲକୁ ନେଇଗଲା, ଏସମସ୍ତେ ବଳବାନ ଓ ଯୁଦ୍ଧଯୋଗ୍ୟ ଥିଲେ।
\v 17 ପୁଣି ବାବିଲର ରାଜା ଯିହୋୟାଖୀନ୍‍ର ପିତୃବ୍ୟ ମତ୍ତନୀୟଙ୍କୁ ତାଙ୍କର ପଦରେ ରାଜା କଲା ଓ ତାଙ୍କ ନାମ ବଦଳାଇ ସିଦିକୀୟ ରଖିଲା।
\s ଯିହୁଦାର ରାଜା ସିଦିକୀୟ
\p
\s5
\v 18 ସିଦିକୀୟ ରାଜ୍ୟ କରିବାକୁ ଆରମ୍ଭ କରିବା ବେଳେ ଏକୋଇଶ ବର୍ଷ ବୟସ୍କ ହୋଇଥିଲେ ଓ ସେ ଯିରୂଶାଲମରେ ଏଗାର ବର୍ଷ ରାଜ୍ୟ କଲେ। ତାଙ୍କର ମାତାଙ୍କର ନାମ ହମୁଟଲ୍‍; ସେ ଲିବ୍‍ନା ନିବାସୀ ଯିରିମୀୟର କନ୍ୟା।
\v 19 ଆଉ ସେ ଯିହୋୟାକୀମ୍‍ଙ୍କର କୃତ ସମସ୍ତ କର୍ମାନୁସାରେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ।
\v 20 କାରଣ ସଦାପ୍ରଭୁଙ୍କ କ୍ରୋଧ ସକାଶୁ ସେ ସେମାନଙ୍କୁ ଆପଣା ଛାମୁରୁ ଦୂର ନ କରିବା ପର୍ଯ୍ୟନ୍ତ ଯିରୂଶାଲମ ଓ ଯିହୁଦା ପ୍ରତି ଏପରି ଘଟଣା ଘଟିଲା; ଆଉ ସିଦିକୀୟ ବାବିଲ ରାଜା ନବୂଖଦ୍‍ନିତ୍ସରର ବିଦ୍ରୋହୀ ହେଲେ।
\s5
\c 25
\s ଯିହୂଦାର ପତନ ଏବଂ ବନ୍ଦୀତ୍ୱ
\p
\v 1 ଏଥିଉତ୍ତାରେ ସିଦିକୀୟଙ୍କ ରାଜତ୍ଵର ନବମ ବର୍ଷରେ, ଦଶମ ମାସର ଦଶମ ଦିନରେ ବାବିଲ ରାଜା ନବୂଖଦ୍‍ନିତ୍ସର ଓ ତାହାର ସମସ୍ତ ସୈନ୍ୟ ଯିରୂଶାଲମକୁ ଆସି ତହିଁ ବିରୁଦ୍ଧରେ ଛାଉଣି କଲେ; ଆଉ ସେମାନେ ତହିଁର ଚତୁର୍ଦ୍ଦିଗରେ ଗଡ଼ ନିର୍ମାଣ କଲେ।
\v 2 ତହୁଁ ସିଦିକୀୟ ରାଜାଙ୍କ ରାଜତ୍ଵର ଏଗାର ବର୍ଷ ପର୍ଯ୍ୟନ୍ତ ନଗର ଅବରୁଦ୍ଧ ହୋଇ ରହିଲା।
\v 3 ଚତୁର୍ଥ ମାସର ନବମ ଦିନରେ ନଗରରେ ମହାଦୁର୍ଭିକ୍ଷ ହେଲା, ତହିଁରେ ଦେଶର ଲୋକମାନଙ୍କ ନିମନ୍ତେ କିଛି ଖାଦ୍ୟଦ୍ରବ୍ୟ ମିଳିଲା ନାହିଁ।
\p
\s5
\v 4 ତେବେ ନଗରର ଏକ ସ୍ଥାନ ଭଗ୍ନ ହୁଅନ୍ତେ, ସମସ୍ତ ଯୋଦ୍ଧା ଏକରାତ୍ରି ଭିତରେ ରାଜାଙ୍କର ଉଦ୍ୟାନ ନିକଟସ୍ଥ ଦୁଇ ପ୍ରାଚୀରର ମଧ୍ୟବର୍ତ୍ତୀ ଦ୍ୱାର ପଥ ଦେଇ ପଳାଇଲେ; ସେସମୟରେ କଲ୍‍ଦୀୟମାନେ ନଗରର ଚତୁର୍ଦ୍ଦିଗରେ ଥିଲେ, ପୁଣି ରାଜା ସିଦିକୀୟ ଆରବା ପଥଦେଇ ଚାଲିଗଲେ।
\v 5 ମାତ୍ର କଲ୍‍ଦୀୟମାନଙ୍କ ସୈନ୍ୟ ରାଜା ସିଦିକୀୟଙ୍କର ପଛେ ପଛେ ଗୋଡ଼ାଇ ଯିରୀହୋ ପଦାରେ ତାଙ୍କୁ ଧରିଲେ; ତହିଁରେ ସିଦିକୀୟଙ୍କର ସକଳ ସୈନ୍ୟ ତାଙ୍କ ନିକଟରୁ ଛିନ୍ନଭିନ୍ନ ହୋଇଗଲେ।
\s5
\v 6 ତହୁଁ ସେମାନେ ରାଜାଙ୍କୁ ଧରି ରିବ୍‍ଲାକୁ ବାବିଲ ରାଜାଙ୍କ ନିକଟକୁ ନେଇଗଲେ; ତହିଁରେ ସେମାନେ ତାଙ୍କ ପ୍ରତି ଦଣ୍ଡାଜ୍ଞା କଲେ।
\v 7 ଆଉ ସେମାନେ ସିଦିକୀୟଙ୍କର ପୁତ୍ରମାନଙ୍କୁ ତାଙ୍କର ସାକ୍ଷାତରେ ବଧ କଲେ ଓ ସିଦିକୀୟଙ୍କର ଚକ୍ଷୁ ଉପାଡ଼ି ପକାଇଲେ, ଆଉ ତାଙ୍କୁ ଶୃଙ୍ଖଳରେ ବଦ୍ଧ କରି ବାବିଲକୁ ନେଇଗଲେ।
\p
\s5
\v 8 ପଞ୍ଚମ ମାସରେ, ମାସର ସପ୍ତମ ଦିନରେ ବାବିଲ ରାଜା ନବୂଖଦ୍‍ନିତ୍ସରଙ୍କ ରାଜତ୍ଵର ଊଣାଇଶ ବର୍ଷରେ ବାବିଲ ରାଜାର ଦାସ ନବୂଷରଦନ୍‍ ନାମକ ପ୍ରହରୀବର୍ଗର ସେନାପତି ଯିରୂଶାଲମକୁ ଆସିଲା।
\v 9 ପୁଣି ସେ ସଦାପ୍ରଭୁଙ୍କ ଗୃହ ଓ ରାଜଗୃହ ଦଗ୍ଧ କଲା; ଆଉ ଯିରୂଶାଲମର ସମସ୍ତ ଗୃହ, ଅର୍ଥାତ୍‍, ପ୍ରତ୍ୟେକ ବୃହତ ଗୃହ ଅଗ୍ନିରେ ଦଗ୍ଧ କଲା।
\v 10 ପୁଣି ପ୍ରହରୀବର୍ଗର ସେନାପତି ସଙ୍ଗେ ଥିବା କଲ୍‍ଦୀୟ ସମସ୍ତ ସୈନ୍ୟ ଯିରୂଶାଲମର ଚତୁର୍ଦ୍ଦିଗର ପ୍ରାଚୀର ଭଗ୍ନ କଲେ।
\s5
\v 11 ଆଉ ପ୍ରହରୀବର୍ଗର ସେନାପତି ନବୂଷରଦନ୍‍ ନଗରର ଅବଶିଷ୍ଟ ଲୋକମାନଙ୍କୁ ଓ ବାବିଲ ରାଜାର ପକ୍ଷକୁ ପଳାୟନକାରୀମାନଙ୍କୁ ଓ ଅବଶିଷ୍ଟ ସାଧାରଣ ଲୋକମାନଙ୍କୁ ବନ୍ଦୀ କରି ନେଇଗଲା।
\v 12 ମାତ୍ର ପ୍ରହରୀବର୍ଗର ସେନାପତି ଦେଶର ନିତାନ୍ତ ଦରିଦ୍ରମାନଙ୍କ ମଧ୍ୟରୁ କେତେକଙ୍କୁ ଦ୍ରାକ୍ଷାକ୍ଷେତ୍ରର କର୍ମକାରୀ ଓ କୃଷକ ହେବା ପାଇଁ ଛାଡ଼ି ଗଲା।
\p
\s5
\v 13 ଆହୁରି କଲ୍‍ଦୀୟମାନେ ସଦାପ୍ରଭୁଙ୍କ ଗୃହର ପିତ୍ତଳସ୍ତମ୍ଭ ଓ ସଦାପ୍ରଭୁଙ୍କ ଗୃହର ବୈଠିକିସକଳ ଓ ପିତ୍ତଳମୟ ସମୁଦ୍ର ରୂପ ପାତ୍ର ଖଣ୍ଡ ଖଣ୍ଡ କରି ଭାଙ୍ଗି ତହିଁର ପିତ୍ତଳ ବାବିଲକୁ ନେଇଗଲେ।
\v 14 ଆହୁରି ସେମାନେ ପାତ୍ର ଓ କରଚୁଲି ଓ କତୁରୀ ଓ ଚମସ ଓ ପରିଚର୍ଯ୍ୟାର୍ଥକ ସକଳ ପିତ୍ତଳମୟ ପାତ୍ର ନେଇଗଲେ।
\v 15 ଆଉ ପ୍ରହରୀବର୍ଗର ସେନାପତି ଅଙ୍ଗାରଧାନୀ ଓ କୁଣ୍ଡସବୁ, ଯାହା ସୁନାର ଥିଲା, ତାହା ସୁନା କରି, ପୁଣି ଯାହା ରୂପାର ଥିଲା, ତାହା ରୂପା କରି ନେଇଗଲା।
\s5
\v 16 ସଦାପ୍ରଭୁଙ୍କ ଗୃହ ନିମନ୍ତେ ଶଲୋମନଙ୍କ ନିର୍ମିତ ଦୁଇ ସ୍ତମ୍ଭ, ଏକ ସମୁଦ୍ର ରୂପ ପାତ୍ର ଓ ବୈଠିକିସକଳ, ଏହିସବୁ ପାତ୍ରର ପିତ୍ତଳ ଅପରିମିତ ଥିଲା।
\v 17 ଏକ ସ୍ତମ୍ଭ ଅଠର ହାତ ଉଚ୍ଚ ଓ ତହିଁ ଉପରେ ପିତ୍ତଳର ମୁଣ୍ଡାଳି ଥିଲା, ଆଉ ମୁଣ୍ଡାଳିର ଉଚ୍ଚ ତିନି ହାତ ମୁଣ୍ଡାଳି ଉପରେ ଚତୁର୍ଦ୍ଦିଗରେ ପିତ୍ତଳମୟ ଜାଲିକର୍ମ ଓ ଡାଳିମ୍ବାକୃତି ଥିଲା, ମଧ୍ୟ ଦ୍ୱିତୀୟ ସ୍ତମ୍ଭ ଜାଲିକର୍ମ ସହିତ ଏହି ପ୍ରକାର ଥିଲା।
\s ଯିହୁଦାର ଲୋକମାନେ ବାବିଲକୁ ନିର୍ବାସିତ
\p
\s5
\v 18 ପୁଣି ପ୍ରହରୀବର୍ଗର ସେନାପତି ନବୂଷରଦନ୍‍ ପ୍ରଧାନ ଯାଜକ ସରାୟଙ୍କୁ ଓ ଦ୍ୱିତୀୟ ଯାଜକ ସଫନୀୟଙ୍କୁ ଓ ତିନି ଜଣ ଦ୍ୱାରପାଳଙ୍କୁ ଧରିଲା।
\v 19 ଆଉ ନବୂଷରଦନ୍‍ ନଗରରୁ ଯୋଦ୍ଧାମାନଙ୍କ ଉପରେ ନିଯୁକ୍ତ ଏକ ନପୁଂସକକୁ ଓ ନଗରରେ ପ୍ରାପ୍ତ ରାଜମୁଖ ଦର୍ଶନକାରୀମାନଙ୍କ ମଧ୍ୟରୁ ପାଞ୍ଚ ଜଣଙ୍କୁ ଓ ଦେଶର ଲୋକଗଣନାକାରୀ ଲେଖକ ସେନାପତିକୁ ଓ ନଗରରେ ପ୍ରାପ୍ତ ଦେଶୀୟ ଷାଠିଏ ଲୋକଙ୍କୁ ଧରିଲା।
\s5
\v 20 ପୁଣି ପ୍ରହରୀବର୍ଗର ସେନାପତି ନବୂଷରଦନ୍‍ ସେମାନଙ୍କୁ ଧରି ରିବ୍‍ଲାକୁ ବାବିଲ ରାଜାଙ୍କ ନିକଟକୁ ନେଇଗଲା।
\v 21 ତହିଁରେ ବାବିଲ ରାଜା ହମାତ ଦେଶସ୍ଥ ରିବ୍‍ଲାରେ ସେମାନଙ୍କୁ ଆଘାତ କରି ବଧ କଲା। ଏହିରୂପେ ଯିହୁଦା ଆପଣା ଦେଶରୁ ବନ୍ଦୀ ହୋଇ ନୀତ ହେଲା।
\s ଯିହୁଦାର ଶାସନକର୍ତ୍ତା ଗଦଲୀୟ
\p
\s5
\v 22 ଆଉ ବାବିଲ ରାଜା ନବୂଖଦ୍‍ନିତ୍ସର ଯେଉଁମାନଙ୍କୁ ଛାଡ଼ି ଯାଇଥିଲା, ଏପରି ଯିହୁଦା ଦେଶରେ ଅବଶିଷ୍ଟ ଥିବା ଲୋକମାନଙ୍କ ଉପରେ ସେ ଶାଫନ୍‍ର ପୌତ୍ର ଅହୀକାମ୍‍ର ପୁତ୍ର ଗଦଲୀୟଙ୍କୁ ଶାସନକର୍ତ୍ତା ରୂପେ ନିଯୁକ୍ତ କଲା।
\v 23 ଏଥିଉତ୍ତାରେ ବାବିଲ ରାଜା ଗଦଲୀୟଙ୍କୁ ଶାସନକର୍ତ୍ତା କରିଅଛି ବୋଲି ଶୁଣି ସେନାପତିଗଣ ଓ ସେମାନଙ୍କ ଲୋକମାନେ, ଅର୍ଥାତ୍‍, ନଥନୀୟର ପୁତ୍ର ଇଶ୍ମାୟେଲ ଓ କାରେହର ପୁତ୍ର ଯୋହାନନ୍‍ ଓ ନଟୋଫାତୀୟ ତନ୍‍ହୂମତର ପୁତ୍ର ସରାୟ ଓ ମାଖାଥୀୟର ପୁତ୍ର ଯାସନୀୟ ଓ ସେମାନଙ୍କର ଲୋକମାନେ ମିସ୍ପାକୁ ଗଦଲୀୟଙ୍କ ନିକଟକୁ ଆସିଲେ।
\v 24 ଏଥିରେ ଗଦଲୀୟ ସେମାନଙ୍କ ନିକଟରେ ଓ ସେମାନଙ୍କ ଲୋକମାନଙ୍କ ନିକଟରେ ଶପଥ କରି ସେମାନଙ୍କୁ କହିଲା, “କଲ୍‍ଦୀୟମାନଙ୍କର ଦାସମାନଙ୍କ ସକାଶୁ ଭୀତ ହୁଅ ନାହିଁ; ଦେଶରେ ବାସ କରି ବାବିଲ ରାଜାର ସେବା କର, ତହିଁରେ ତୁମ୍ଭମାନଙ୍କର ମଙ୍ଗଳ ହେବ।”
\p
\s5
\v 25 ମାତ୍ର ସପ୍ତମ ମାସରେ ରାଜବଂଶଜାତ ଇଲୀଶାମାର ପୌତ୍ର ନଥନୀୟର ପୁତ୍ର ଇଶ୍ମାୟେଲ ଓ ତାହାର ସଙ୍ଗୀ ଦଶ ଜଣ ଆସିଲେ, ଆଉ ଗଦଲୀୟଙ୍କୁ, ପୁଣି ଯେଉଁ ଯିହୁଦୀୟମାନେ ଓ କଲ୍‍ଦୀୟମାନେ ତାହା ସଙ୍ଗେ ମିସ୍ପାରେ ଥିଲେ, ସେମାନଙ୍କୁ ଆଘାତ କରି ବଧ କଲେ।
\v 26 ଏଥିଉତ୍ତାରେ ସାନ ବଡ଼ ସମସ୍ତ ଲୋକ ଓ ସେନାପତିଗଣ ଉଠି ମିସରକୁ ଗଲେ; କାରଣ ସେମାନେ କଲ୍‍ଦୀୟମାନଙ୍କ ଲାଗି ଭୀତ ହେଲେ।
\s ଯିହୋୟାଖୀନ୍‍ କାରାଗାରରୁ ମୁକ୍ତ
\p
\s5
\v 27 ଏଥିଉତ୍ତାରେ ଯିହୁଦାର ରାଜା ଯିହୋୟାଖୀନ୍‍ଙ୍କର ବନ୍ଦୀତ୍ୱର ସଇଁତିରିଶ ବର୍ଷର ଦ୍ୱାଦଶ ମାସରେ ଓ ମାସର ସତାଇଶ ଦିନରେ ବାବିଲ ରାଜା ଇବିଲ୍‍-ମରୋଦକ୍‍ ରାଜ୍ୟ ଆରମ୍ଭ କରିବା ବର୍ଷରେ ଯିହୁଦାର ରାଜା ଯିହୋୟାଖୀନ୍‍ଙ୍କୁ କାରାଗାରରୁ ବାହାର କରି ତାଙ୍କର ମସ୍ତକ ଉନ୍ନତ କଲା।
\s5
\v 28 ଆଉ, ସେ ତାଙ୍କୁ ପ୍ରୀତିବାକ୍ୟ କହିଲା ଓ ତାଙ୍କ ସଙ୍ଗେ ବାବିଲରେ ଥିବା ରାଜାମାନଙ୍କ ଆସନଠାରୁ ତାଙ୍କର ଆସନ ଉଚ୍ଚରେ ସ୍ଥାପନ କଲା।
\v 29 ଆଉ, ସେ ଆପଣା କାରାଗାରର ବସ୍ତ୍ର ପରିବର୍ତ୍ତନ କରି ଆପଣାର ଯାବଜ୍ଜୀବନ ନିତ୍ୟ ନିତ୍ୟ ତାହା ସମ୍ମୁଖରେ ଭୋଜନ କଲେ।
\v 30 ପୁଣି, ତାଙ୍କର ଦିନାତିପାତ ନିମନ୍ତେ ରାଜାଙ୍କଠାରୁ ନିତ୍ୟ ବୃତ୍ତି ଦିଆଗଲା, ସେ ଆପଣା ଜୀବନର ସମସ୍ତ କାଳ ପ୍ରତି ଦିନ ଏକ ନିରୂପିତ ଅଂଶ ପାଇଲେ।