or_ulb/13-1CH.usfm

1540 lines
273 KiB
Plaintext
Raw Permalink Blame History

This file contains ambiguous Unicode characters

This file contains Unicode characters that might be confused with other characters. If you think that this is intentional, you can safely ignore this warning. Use the Escape button to reveal them.

\id 1CH - Odia Old Version Revision
\ide UTF-8
\rem Copyright Information: Creative Commons Attribution- ShareAlike 4.0 License
\h ପ୍ରଥମ ବଂଶାବଳୀ
\toc1 ବଂଶାବଳୀର ପ୍ରଥମ ପୁସ୍ତକ
\toc2 ପ୍ରଥମ ବଂଶାବଳୀ
\toc3 1ch
\mt1 ବଂଶାବଳୀର ପ୍ରଥମ ପୁସ୍ତକ
\s5
\c 1
\s ଆଦମଙ୍କଠାରୁ ଅବ୍ରହାମ
\p
\v 1 ଆଦମ, ଶେଥ, ଈନୋଶ;
\v 2 କୟିନାନ, ମହଲଲେଲ, ଯେରଦ;
\v 3 ହନୋକ, ମଥୂଶେଲହ, ଲେମକ;
\v 4 ନୋହ, ଶେମ, ହାମ ଓ ଯେଫତ୍‍।
\s5
\v 5 ଯେଫତ୍‍ର ସନ୍ତାନ ଗୋମର, ମାଗୋଗ୍‍, ମାଦୟ, ଯବନ, ତୁବଲ୍‍, ମେଶକ୍‍ ଓ ତୀରସ୍‍ ଥିଲେ।
\v 6 ପୁଣି, ଗୋମରର ସନ୍ତାନ ଅସ୍କିନସ୍‍, ଦୀଫତ୍‍ ଓ ତୋଗର୍ମା ଥିଲେ।
\v 7 ଆଉ, ଯବନର ସନ୍ତାନ ଇଲୀଶା, ତର୍ଶୀଶ୍‍, କିତ୍ତୀମ ଓ ରୋଦାନିମ୍‍ ଥିଲେ।
\s5
\v 8 ହାମର ସନ୍ତାନ କୂଶ, ମିସର, ପୂଟ୍‍ ଓ କିଣାନ ଥିଲେ।
\v 9 ପୁଣି, କୂଶର ସନ୍ତାନ ସବା, ହବୀଲା, ସପ୍ତା, ରୟମା ଓ ସପ୍ତକା ଥିଲେ। ରୟମାର ସନ୍ତାନ ଶିବା ଓ ଦଦାନ।
\v 10 ଆଉ, କୂଶ ନିମ୍ରୋଦ୍‍କୁ ଜାତ କଲା; ସେ ପୃଥିବୀରେ ପରାକ୍ରମୀ ହେବାକୁ ଲାଗିଲା।
\s5
\v 11 ମିସର ଲୁଦୀୟ, ଅନାମୀୟ, ଲହାବୀୟ, ନପ୍ତୂହୀୟ,
\v 12 ପଥ୍ରୋଷୀୟ, ପଲେଷ୍ଟୀୟମାନଙ୍କ ଆଦିପୁରୁଷ କସ୍‍ଲୁହୀୟ ଓ କପ୍ତୋରୀୟ, ଏମାନଙ୍କୁ ଜାତ କଲା।
\s5
\v 13 ପୁଣି, କିଣାନ ଆପଣା ପ୍ରଥମଜାତ ସୀଦୋନକୁ, ଏବଂ ହେତ୍‍କୁ ଜାତ କଲା;
\v 14 ପୁଣି, ଯିବୂଷୀୟ, ଇମୋରୀୟ, ଗିର୍ଗାଶୀୟ,
\v 15 ହିବ୍ବୀୟ, ଅର୍କୀୟ, ସିନୀୟ,
\v 16 ଅର୍ବଦୀୟ, ସମାରୀୟ ଓ ହମାତୀୟମାନଙ୍କୁ ଜାତ କଲା।
\s5
\v 17 ଶେମର ସନ୍ତାନଗଣ; ଏଲମ୍‍, ଅଶୂର, ଅର୍ଫକ୍‍ଷଦ, ଲୁଦ୍‍, ଅରାମ, ଊଷ୍‍, ହୂଲ, ଗେଥର ଓ ମେଶକ୍‍।
\v 18 ପୁଣି, ଅର୍ଫକ୍‍ଷଦ ଶେଲହକୁ ଜାତ କଲା ଓ ଶେଲହ ଏବରକୁ ଜାତ କଲା।
\v 19 ପୁଣି, ଏବରର ଦୁଇ ପୁତ୍ର ଜାତ ହେଲେ; ଏକର ନାମ ପେଲଗ୍‍; କାରଣ ତାହାର ସମୟରେ ପୃଥିବୀ ବିଭକ୍ତ ହେଲା ଓ ତାହାର ଭ୍ରାତାର ନାମ ଯକ୍ତନ୍‍।
\s5
\v 20 ପୁଣି, ଯକ୍ତନ୍‍ ଅଲ୍‍ମୋଦଦ, ଶେଲଫ୍‍, ହତ୍‍ସର୍ମାବତ୍‍, ଯେରହ,
\v 21 ହଦୋରାମ, ଊଷଲ, ଦିକ୍ଲା,
\v 22 ଓବଲ, ଅବୀମାୟେଲ୍, ଶିବା,
\v 23 ଓଫୀର, ହବୀଲା ଓ ଯୋବବ୍‍କୁ ଜାତ କଲା। ଏମାନେ ଯକ୍ତନ୍‍ର ସନ୍ତାନ।
\s5
\v 24 ଶେମ, ଅର୍ଫକ୍‍ଷଦ, ଶେଲହ;
\v 25 ଏବର, ପେଲଗ୍‍, ରୀୟୂ;
\v 26 ସରୁଗ, ନାହୋର, ତେରହ
\v 27 ଅବ୍ରାମ‍, ଅର୍ଥାତ୍‍ ଅବ୍ରହାମ।
\s5
\v 28 ଅବ୍ରହାମଙ୍କର ପୁତ୍ର ଇସ୍‍ହାକ ଓ ଇଶ୍ମାୟେଲ।
\v 29 ଏମାନଙ୍କର ବଂଶାବଳୀ ଏହି; ଇଶ୍ମାୟେଲର ପ୍ରଥମ ଜାତ ନବାୟୋତ୍‍; ତହିଁ ଉତ୍ତାରେ କେଦାର, ଅଦ୍‍ବେଲ, ମିବ୍‍ସମ୍‍, ମିଶ୍‍ମା ଓ ଦୂମା, ମସା;
\v 30 ହଦଦ୍‍ ଓ ତେମା, ଯିଟୁର, ନାଫୀଶ୍‍ ଓ କେଦମା;
\v 31 ଏମାନେ ଇଶ୍ମାୟେଲର ସନ୍ତାନ ଥିଲେ।
\s5
\v 32 ଅବ୍ରହାମଙ୍କର ଉପପତ୍ନୀ କଟୂରାର ସନ୍ତାନଗଣ ଏହି; ସେ ସିମ୍ରନ୍‍, ଯକ୍‍ଷନ୍‍, ମଦାନ୍‍, ମିଦୀୟନ, ଯିଶ୍‍ବକ ଓ ଶୂହକୁ ଜାତ କଲା। ଆଉ ଯକ୍‍ଷନ୍‍ର ସନ୍ତାନ ଶିବା ଓ ଦଦାନ।
\v 33 ଆଉ ମିଦୀୟନର ସନ୍ତାନ ଐଫା, ଏଫର, ହନୋକ, ଅବୀଦ ଓ ଇଲଦାୟା, ଏସମସ୍ତେ କଟୂରାର ସନ୍ତାନ।
\s5
\v 34 ପୁଣି, ଅବ୍ରହାମ ଇସ୍‍ହାକକୁ ଜାତ କଲେ। ସେହି ଇସ୍‍ହାକର ପୁତ୍ର ଏଷୌ ଓ ଇସ୍ରାଏଲ।
\v 35 ଏଷୌର ସନ୍ତାନ ଇଲୀଫସ୍‍, ରୁୟେଲ ଓ ଯିୟୂଶ୍‍ ଓ ଯାଲମ୍‍ ଓ କୋରହ।
\v 36 ଇଲୀଫସ୍‍ର ପୁତ୍ର ତୈମନ୍‍ ଓ ଓମାର୍, ସଫୀ ଓ ଗୟିତମ୍‍, କନସ୍‍ ଓ ତିମ୍ନା ଓ ଅମାଲେକ।
\v 37 ରୁୟେଲର ସନ୍ତାନ ନହତ୍‍, ସେରହ, ଶମ୍ମ ଓ ମିସା।
\s5
\v 38 ଆଉ ସେୟୀରର ସନ୍ତାନ ଲୋଟନ୍‍, ଶୋବଲ୍‍, ସିବୀୟୋନ୍‍, ଅନା, ଦିଶୋନ୍‍, ଏତ୍ସର ଓ ଦୀଶନ୍‍।
\v 39 ଲୋଟନ୍‍ର ସନ୍ତାନ ହୋରି, ହୋମମ୍‍ ଓ ତିମ୍ନା ଲୋଟନ୍‍ର ଭଗିନୀ ଥିଲା।
\v 40 ଶୋବଲ୍‍ର ସନ୍ତାନ ଅଲୀୟନ୍‍, ମାନହତ୍‍, ଏବଲ୍‍, ଶଫୀ ଓ ଓନମ୍‍। ଆଉ ସିବୀୟୋନ୍‍ର ପୁତ୍ର ଅୟା ଓ ଅନା।
\s5
\v 41 ଅନାର ପୁତ୍ର ଦିଶୋନ୍‍। ଆଉ ଦିଶୋନ୍‍ର ପୁତ୍ର ହମ୍ରଣ, ଇଶବନ୍‍, ଯିତ୍ରନ୍‍ ଓ କରାଣ।
\v 42 ଏତ୍ସରର ପୁତ୍ର ବିଲ୍‍ହନ୍‍ ଓ ସାବନ୍‍, ଯାକନ୍‍। ଦୀଶନ୍‍ର ପୁତ୍ର ଊଷ୍‍ ଓ ଅରାନ୍‍।
\s5
\v 43 ଇସ୍ରାଏଲ ସନ୍ତାନଗଣ ଉପରେ କୌଣସି ରାଜା ରାଜତ୍ୱ କରିବା ପୂର୍ବେ ଏହିସବୁ ରାଜା ଇଦୋମ ଦେଶରେ ରାଜତ୍ୱ କରିଥିଲେ; ବିୟୋରର ପୁତ୍ର ବେଲା; ତାଙ୍କର ନଗରର ନାମ ଦିନ୍‍ହାବା ଥିଲା।
\v 44 ଯେତେବେଳେ ବେଲାଙ୍କ ମୃତ୍ୟୁୁ ହେଲା, ଆଉ ବେଲାଙ୍କ ମୃତ୍ୟୁୁ ହୁଅନ୍ତେ ତହୁଁ ବସ୍ରା ନିବାସୀ ସେରହର ପୁତ୍ର ଯୋବବ୍‍ ତାଙ୍କର ପଦରେ ରାଜ୍ୟ କଲେ।
\v 45 ଆଉ ଯୋବବ୍‍ ମରନ୍ତେ, ତୈମନ୍‍ ଦେଶୀୟ ହୂଶମ୍‍ ତାଙ୍କର ପଦରେ ରାଜ୍ୟ କଲେ।
\s5
\v 46 ପୁଣି, ହୂଶମ୍‍ ମଲା ଉତ୍ତାରେ ବଦଦର ପୁତ୍ର ଯେଉଁ ହଦଦ୍‍ ମୋୟାବ-ପଦାରେ ମିଦୀୟନକୁ ପରାସ୍ତ କରିଥିଲେ, ସେ ତାଙ୍କ ପଦରେ ରାଜ୍ୟ କଲେ; ତାଙ୍କର ନଗରର ନାମ ଅବୀତ୍‍ ଥିଲା।
\v 47 ଆଉ ହଦଦ୍‍ ମରନ୍ତେ, ମସ୍ରେକା ନିବାସୀ ସମ୍ଳ ତାଙ୍କର ପଦରେ ରାଜ୍ୟ କଲେ।
\v 48 ପୁଣି, ସମ୍ଳ ମରନ୍ତେ, (ଫରାତ୍‍) ନଦୀ ନିକଟସ୍ଥ ରହୋବୋତ୍‍ ନିବାସୀ ଶୌଲ ତାଙ୍କର ପଦରେ ରାଜ୍ୟ କଲେ।
\s5
\v 49 ପୁଣି, ଶୌଲ ମଲା ଉତ୍ତାରେ ଅକ୍‍ବୋରର ପୁତ୍ର ବାଲ୍‍ହାନନ୍‍ ତାଙ୍କର ପଦରେ ରାଜ୍ୟ କଲେ।
\v 50 ଆଉ ବାଲ୍‍ହାନନ୍‍ ମରନ୍ତେ, ହଦଦ୍‍ ତାଙ୍କର ପଦରେ ରାଜ୍ୟ କଲେ; ତାଙ୍କର ନଗରର ନାମ ପାଉ ଓ ତାଙ୍କର ଭାର୍ଯ୍ୟାଙ୍କ ନାମ ମହେଟବେଲ, ସେ ମେଷାହବର ପୌତ୍ରୀ ମଟ୍ରେଦର କନ୍ୟା ଥିଲେ।
\s5
\v 51 ଏଥିଉତ୍ତାରେ ହଦଦ୍‍ ମଲେ। ଏମାନେ ଇଦୋମର ରାଜା ଥିଲେ, ଯଥା, ରାଜା ତିମ୍ନା, ରାଜା ଅଲୀୟା
\f +
\fr 1:51
\fq ଅଲୀୟା
\ft କିମ୍ବା ଅଳ୍‍ବା
\f* , ରାଜା ଯିଥେତ୍‍,
\v 52 ରାଜା ଅହଲୀବାମା, ରାଜା ଏଲା, ରାଜା ପୀନୋନ୍‍;
\v 53 ରାଜା କନସ୍‍, ରାଜା ତୈମନ୍‍, ରାଜା ମିବ୍‍ସର୍‍;
\v 54 ରାଜା ମଗ୍‍ଦୀୟେଲ, ରାଜା ଈରମ୍‍। ଏମାନେ ଇଦୋମର ରାଜା ଥିଲେ।
\s5
\c 2
\s ଦାଉଦଙ୍କ ବଂଶାବଳୀ
\p
\v 1 ଏମାନେ ଇସ୍ରାଏଲର ପୁତ୍ରଗଣ; ଯଥା ରୁବେନ୍‍, ଶିମୀୟୋନ, ଲେବୀ ଓ ଯିହୁଦା, ଇଷାଖର ଓ ସବୂଲୂନ;
\v 2 ଦାନ୍, ଯୋଷେଫ ଓ ବିନ୍ୟାମୀନ୍, ନପ୍ତାଲି, ଗାଦ୍‍ ଓ ଆଶେର।
\s5
\v 3 ଯିହୁଦାର ପୁତ୍ରଗଣ; ଯଥା ଏର୍‍ ଓ ଓନନ୍‍ ଓ ଶେଲା; ତାହାର ଏହି ତିନି ପୁତ୍ର କିଣାନୀୟା ବତ୍‍ଶୂୟାଠାରୁ ଜାତ ହୋଇଥିଲେ। ଯିହୁଦାର ଜ୍ୟେଷ୍ଠ ପୁତ୍ର ଏର୍‍ ସଦାପ୍ରଭୁଙ୍କ ଦୃଷ୍ଟିରେ ଦୁଷ୍ଟ ଥିଲା; ଏଣୁ ସେ ତାହାକୁ ସଂହାର କଲେ।
\v 4 ପୁଣି, ଯିହୁଦାର ପୁତ୍ରବଧୂ ତାମର ତାହାର ଔରସରେ ପେରସ ଓ ସେରହକୁ ପ୍ରସବ କଲା। ଯିହୁଦାର ସର୍ବସୁଦ୍ଧା ପାଞ୍ଚ ପୁତ୍ର ଥିଲେ।
\s5
\v 5 ପେରସର ସନ୍ତାନ ହିଷ୍ରୋଣ ଓ ହାମୂଲ।
\v 6 ପୁଣି, ସେରହର ସନ୍ତାନ ସିମ୍ରି ଓ ଏଥନ୍‍ ଓ ହେମନ ଓ କଲ୍‍କୋଲ୍‍ ଓ ଦେରା; ସମୁଦାୟ ପାଞ୍ଚ ଜଣ।
\v 7 କର୍ମିର ପୁତ୍ର ଆଖର ଇସ୍ରାଏଲର ଦୁଃଖଦାୟକ ଥିଲା, ସେ ବର୍ଜିତ ଦ୍ରବ୍ୟ ବିଷୟରେ ସତ୍ୟ-ଲଙ୍ଘନ କରିଥିଲା।
\v 8 ପୁଣି, ଏଥନ୍‍ର ପୁତ୍ର ଅସରୀୟା।
\s5
\v 9 ଆଉ ହିଷ୍ରୋଣର ଔରସଜାତ ପୁତ୍ର ଯିରହମେଲ ଓ ରାମ୍‍ ଓ କାଲୁବାୟ,
\v 10 ପୁଣି, ରାମ୍‍ ଅମ୍ମୀନାଦବକୁ ଜାତ କଲା; ପୁଣି, ଅମ୍ମୀନାଦବ ଯିହୁଦା-ସନ୍ତାନଗଣର ଅଧିପତି ନହଶୋନ୍‌କୁ ଜାତ କଲା।
\v 11 ଆଉ ନହଶୋନ୍‍ ସଲ୍‍ମାକୁ ଜାତ କଲା ଓ ସଲ୍‍ମା ବୋୟଜକୁ ଜାତ କଲା;
\v 12 ବୋୟଜ ଓବେଦ୍‍କୁ ଜାତ କଲା, ଓବେଦ୍‍ ଯିଶୀକୁ ଜାତ କଲା।
\s5
\v 13 ପୁଣି, ଯିଶୀ ଆପଣା ଜ୍ୟେଷ୍ଠ ଇଲୀୟାବ୍‍କୁ ଓ ଦ୍ୱିତୀୟ ଅବୀନାଦବକୁ ଓ ତୃତୀୟ ଶିମୀୟକୁ;
\v 14 ଚତୁର୍ଥ ନଥନେଲକୁ, ପଞ୍ଚମ ରଦ୍ଦୟକୁ;
\v 15 ଷଷ୍ଠ ଓତ୍‍ସମକୁ, ସପ୍ତମ ଦାଉଦଙ୍କୁ ଜାତ କଲା;
\s5
\v 16 ପୁଣି, ସରୁୟା ଓ ଅବୀଗଲ ସେମାନଙ୍କର ଭଗିନୀ ଥିଲେ। ଆଉ ଅବୀଶୟ ଓ ଯୋୟାବ ଓ ଅସାହେଲ, ଏ ତିନି ସରୁୟାର ପୁତ୍ର।
\v 17 ପୁଣି, ଅବୀଗଲ ଅମାସାକୁ ଜାତ କଲା; ଏହି ଅମାସାର ପିତା ଇଶ୍ମାୟେଲୀୟ ଯେଥର ଥିଲା।
\s5
\v 18 ଆଉ ହିଷ୍ରୋଣର ପୁତ୍ର କାଲେବ ଆପଣା ଭାର୍ଯ୍ୟା ଅସୂବାର ଔରସରେ ଓ ଯିରୀୟୋତର ଔରସରେ ସନ୍ତାନଗଣ ଜାତ କଲା; ଯେଶର ଓ ଶୋବବ୍‍ ଓ ଅର୍ଦୋନ୍‍, ଏମାନେ ଅସୂବାର ପୁତ୍ର।
\v 19 ପୁଣି, ଅସୂବା ମଲା ଉତ୍ତାରେ କାଲେବ ଇଫ୍ରାଥାକୁ ବିବାହ କଲା, ସେ ହୂରକୁ ପ୍ରସବ କଲା।
\v 20 ପୁଣି, ହୂର ଊରିକୁ ଜାତ କଲା ଓ ଊରି ବତ୍ସଲେଲକୁ ଜାତ କଲା।
\s5
\v 21 ଏଥିଉତ୍ତାରେ ହିଷ୍ରୋଣ ଗିଲୀୟଦର ପିତା ମାଖୀରର କନ୍ୟାର ସହବାସ କଲା; ସେ ଆପଣାର ଷାଠିଏ ବର୍ଷ ବୟସରେ ସେ ସ୍ତ୍ରୀକୁ ବିବାହ କରିଥିଲା; ତହିଁରେ ସେ ସ୍ତ୍ରୀ ତାହାର ଔରସରେ ସଗୂବକୁ ପ୍ରସବ କଲା।
\v 22 ସଗୂବ ଯାୟୀରକୁ ଜାତ କଲା, ତାହାର ଗିଲୀୟଦ ଦେଶରେ ତେଇଶ ନଗର ଥିଲା।
\s5
\v 23 ଆଉ ଗଶୂର ଓ ଅରାମ୍‍ ଯାୟୀରର ଗ୍ରାମସବୁ ସେମାନଙ୍କ ହସ୍ତରୁ ହରଣ କଲେ, ତହିଁ ସଙ୍ଗେ କନାତ୍‍ ଓ ତହିଁର ଗ୍ରାମ ପ୍ରଭୃତି ଷାଠିଏ ନଗର ନେଲେ। ଏସମସ୍ତେ ଗିଲୀୟଦର ପିତା ମାଖୀରର ସନ୍ତାନ ଥିଲେ।
\v 24 ପୁଣି, ହିଷ୍ରୋଣ କାଲେବ-ଇଫ୍ରାଥାରେ ମଲା ଉତ୍ତାରେ ହିଷ୍ରୋଣର ଭାର୍ଯ୍ୟା ଅବୀୟ ତାହାର ଔରସରେ ତକୋୟର ପିତା ଅସ୍‍ହୂରକୁ ଜାତ କଲା।
\s5
\v 25 ହିଷ୍ରୋଣର ପ୍ରଥମଜାତ ଯିରହମେଲର ଏହିସବୁ ସନ୍ତାନ ଥିଲେ, ପ୍ରଥମଜାତ ରାମ୍‍, ତହିଁ ଉତ୍ତାରେ ବୂନା, ଓରଣ, ଓତ୍‍ସମ୍‍ ଓ ଅହୀୟ।
\v 26 ପୁଣି, ଯିରହମେଲର ଅନ୍ୟ ଏକ ଭାର୍ଯ୍ୟା ଥିଲା, ତାହାର ନାମ ଅଟାରା; ସେ ଓନମ୍‍ର ମାତା।
\v 27 ଆଉ ଯିରହମେଲର ପ୍ରଥମଜାତ ରାମ୍‍ର ପୁତ୍ର ମାଷ୍‍, ଯାମୀନ୍‍ ଓ ଏକର।
\v 28 ଆଉ ଓନମ୍‍ର ପୁତ୍ର ଶମ୍ମୟ ଓ ଯାଦା; ଆଉ ଶମ୍ମୟର ପୁତ୍ର ନାଦବ୍‍ ଓ ଅବୀଶୂର।
\s5
\v 29 ଅବୀଶୂରର ଭାର୍ଯ୍ୟାର ନାମ ଅବୀହୟିଲ୍‍ ଓ ସେ ତାହାର ଔରସରେ ଅହବାନ୍‍ ଓ ମୋଲୀଦକୁ ଜାତ କଲା।
\v 30 ପୁଣି, ନାଦବ୍‍ର ପୁତ୍ର ସେଲଦ୍‍ ଓ ଅପ୍‍ପୟିମ୍‍; ମାତ୍ର ସେଲଦ୍‍ ନିଃସନ୍ତାନ ହୋଇ ମଲା।
\v 31 ଆଉ ଅପ୍‍ପୟିମ୍‍ର ପୁତ୍ର ଈଶୀ, ପୁଣି, ଈଶୀର ପୁତ୍ର ଶେଶନ୍‍। ଶେଶନ୍‍ର ପୁତ୍ର ଅହଲୟ।
\v 32 ପୁଣି, ଶମ୍ମୟର ଭ୍ରାତା ଯାଦାର ସନ୍ତାନ ଯେଥର ଓ ଯୋନାଥନ; ଯେଥର ନିଃସନ୍ତାନ ହୋଇ ମଲା।
\v 33 ପୁଣି, ଯୋନାଥନର ପୁତ୍ର ପେଲତ୍‍ ଓ ସାସା, ଏସମସ୍ତେ ଯିରହମେଲର ସନ୍ତାନ।
\s5
\v 34 ଶେଶନ୍‍ର ପୁତ୍ର ନ ଥିଲେ, କେବଳ କନ୍ୟା ଥିଲେ। ପୁଣି, ଶେଶନ୍‍ର ଜଣେ ମିସ୍ରୀୟ ଦାସ ଥିଲା, ତାହାର ନାମ ଯାର୍ହା।
\v 35 ଆଉ ଶେଶନ୍‍ ଆପଣା ଦାସ ଯାର୍ହା ସଙ୍ଗେ ଆପଣା କନ୍ୟାକୁ ବିବାହ ଦେଲା; ତହୁଁ ସେ ତାହାର ଔରସରେ ଅତ୍ତୟକୁ ଜାତ କଲା।
\s5
\v 36 ପୁଣି, ଅତ୍ତୟ ନାଥନକୁ ଜାତ କଲା ଓ ନାଥନ ସାବଦ୍‍କୁ ଜାତ କଲା,
\v 37 ସାବଦ୍‍ ଇଫ୍‍ଲଲକୁ ଜାତ କଲା ଓ ଇଫ୍‍ଲଲ ଓବେଦ୍‍କୁ ଜାତ କଲା;
\v 38 ଓବେଦ୍‍ ଯେହୂକୁ ଜାତ କଲା ଓ ଯେହୂ ଅସରୀୟକୁ ଜାତ କଲା;
\s5
\v 39 ପୁଣି, ଅସରୀୟ ହେଲସ୍‍କୁ ଜାତ କଲା ଓ ହେଲସ୍‍ ଇଲୀୟାସାକୁ ଜାତ କଲା;
\v 40 ପୁଣି, ଇଲୀୟାସା ସିସମୟକୁ ଜାତ କଲା ଓ ସିସମୟ ଶଲ୍ଲୁମ୍‍କୁ ଜାତ କଲା;
\v 41 ଶଲ୍ଲୁମ୍‍ ଯିକମୀୟକୁ ଜାତ କଲା ଓ ଯିକମୀୟ ଇଲୀଶାମାକୁ ଜାତ କଲା।
\s5
\v 42 ଯିରହମେଲର ଭ୍ରାତା କାଲେବର ପୁତ୍ରଗଣ, ତାହାର ଜ୍ୟେଷ୍ଠ ପୁତ୍ର ମେଶା ସୀଫ୍‍ର ପିତା ଥିଲା; ପୁଣି, ହିବ୍ରୋଣର ପିତା ମାରେଶାର ପୁତ୍ରଗଣ।
\v 43 ଆଉ ହିବ୍ରୋଣର ପୁତ୍ର କୋରହ ଓ ତପୂହ ଓ ରେକମ୍‍, ଶେମା।
\v 44 ପୁଣି, ଶେମା ଯର୍କିୟମର ପିତା ରହମକୁ ଜାତ କଲା ଓ ରେକମ୍‍ ଶମ୍ମୟକୁ ଜାତ କଲା।
\s5
\v 45 ଆଉ ଶମ୍ମୟର ପୁତ୍ର ମାୟୋନ୍‍; ମାୟୋନ୍‍ ବେଥ୍-ସୁରର ପିତା ଥିଲା।
\v 46 ପୁଣି, କାଲେବର ଉପପତ୍ନୀ ଐଫା ହାରଣକୁ ଓ ମୋତ୍‍ସାକୁ ଓ ଗାସେସକୁ ଜାତ କଲା।
\v 47 ଆଉ ଯେହଦୟର ପୁତ୍ର ରେଗମ୍‍ ଓ ଯୋଥମ୍‍ ଓ ଗେଶନ୍‍ ଓ ପେଲଟ୍‍ ଓ ଐଫା ଓ ଶାଫ୍‍।
\s5
\v 48 ପୁଣି, କାଲେବର ଉପପତ୍ନୀ ମାଖା ଶେବରକୁ ଓ ତିର୍ହନଃକୁ ପ୍ରସବ କଲା।
\v 49 ଆହୁରି ସେ ମଦ୍‍ମନ୍ନାର ପିତା ଶାଫ୍‍କୁ, ମଗ୍‍ବେନାର ପିତା ଶିବାକୁ ଓ ଗିବୀୟାର ପିତାକୁ ପ୍ରସବ କଲା; ଆଉ ଅକ୍‍ଷା କାଲେବର କନ୍ୟା ଥିଲା।
\v 50 କାଲେବର ସନ୍ତାନଗଣ ଯଥା, ଇଫ୍ରାଥାର ପ୍ରଥମଜାତ ହୂରର ପୁତ୍ର ଶୋବଲ୍‍ କିରୀୟଥ୍‍-ଯିୟାରୀମ୍‍ର ପିତା;
\s5
\v 51 ସଲ୍‍ମା ବେଥଲିହିମର ପିତା, ହାରେଫ୍‍ ବେଥ୍-ଗାଦରର ପିତା;
\s5
\v 52 ଆଉ କିରୀୟଥ୍‍-ଯିୟାରୀମ୍‍ର ପିତା ଶୋବଲ୍‍ର ପୁତ୍ରଗଣ ଥିଲେ; ହରାୟା ମନୁହୋଥର ଅର୍ଦ୍ଧାଂଶ।
\v 53 ଆଉ କିରୀୟଥ୍‍-ଯିୟାରୀମ୍‍ର ଗୋଷ୍ଠୀ; ଯିତ୍ରୀୟ, ପୂଥୀୟ, ଶୂମାଥୀୟ ଓ ମିଶ୍ରାୟୀୟମାନେ; ଏମାନଙ୍କ ଠାରୁ ସରାୟୀୟ ଓ ଇଷ୍ଟାୟୋଲୀୟମାନେ ଉତ୍ପନ୍ନ ହେଲେ।
\s5
\v 54 ସଲ୍‍ମାର ସନ୍ତାନଗଣ; ଯଥା, ବେଥଲିହିମ ଓ ନଟୋଫାତୀୟମାନେ, ଅଟ୍ରୋତ୍‍ବେତ୍‍-ଯୋୟାବ ଓ ମାନହତୀୟମାନଙ୍କ ଅର୍ଦ୍ଧାଂଶ, ସରିୟୀୟମାନେ।
\v 55 ଆଉ ଯାବେଷ୍‍ ନିବାସୀ ଲେଖକମାନଙ୍କ ଗୋଷ୍ଠୀ, ଯଥା, ତିରିୟାଥୀୟ, ଶିମିୟଥୀୟ, ସୂଖାଥୀୟମାନେ। ଏମାନେ ରେଖବ-ବଂଶର ପୂର୍ବପୁରୁଷ ହମ୍ମତ୍‍ଠାରୁ ଉତ୍ପନ୍ନ କେନୀୟ ଲୋକ।
\s5
\c 3
\s ଦାଉଦଙ୍କ ବଂଶଧର
\p
\v 1 ଦାଉଦଙ୍କର ଏହି ପୁତ୍ରମାନେ ହିବ୍ରୋଣରେ ଜାତ ହୋଇଥିଲେ; ଜ୍ୟେଷ୍ଠ ପୁତ୍ର ଅମ୍ନୋନ, ସେ ଯିଷ୍ରିୟେଲୀୟା ଅହୀନୋୟମଠାରୁ ଜାତ; ଦ୍ୱିତୀୟ ଦାନିୟେଲ, ସେ କର୍ମିଲୀୟା ଅବୀଗଲଠାରୁ ଜାତ;
\v 2 ତୃତୀୟ ଅବଶାଲୋମ, ସେ ଗଶୂରର ରାଜା ତଲ୍ମୟର କନ୍ୟା ମାଖାର ପୁତ୍ର; ଚତୁର୍ଥ ଅଦୋନୀୟ, ସେ ହଗୀତର ପୁତ୍ର;
\v 3 ପଞ୍ଚମ ଶଫଟୀୟ, ସେ ଅବିଟଲଠାରୁ ଜାତ; ଷଷ୍ଠ ଯିତ୍ରୀୟମ, ସେ ଦାଉଦଙ୍କର ଭାର୍ଯ୍ୟା ଇଗ୍ଲାଠାରୁ ଜାତ।
\s5
\v 4 ହିବ୍ରୋଣରେ ଦାଉଦଙ୍କର ଛଅ ପୁତ୍ର ଜାତ ହେଲେ ଓ ସେଠାରେ ସେ ସାତ ବର୍ଷ ଛଅ ମାସ ରାଜ୍ୟ କଲେ; ପୁଣି, ସେ ଯିରୂଶାଲମରେ ତେତିଶ ବର୍ଷ ରାଜ୍ୟ କଲେ।
\v 5 ଯିରୂଶାଲମରେ ତାଙ୍କର ଏହି ପୁତ୍ରମାନେ ଜାତ ହୋଇଥିଲେ, ଯଥା, ଶିମୀୟ, ଶୋବବ୍‍, ନାଥନ ଓ ଶଲୋମନ, ଏହି ଚାରି ଜଣ ଅମ୍ମୀୟେଲର କନ୍ୟା ବତ୍‍ଶୂୟାଠାରୁ ଜାତ;
\s5
\v 6 ଆହୁରି ୟିଭର ଓ ଇଲୀଶାମା ଓ ଇଲୀଫେଲଟ୍‍;
\v 7 ନୋଗହ ଓ ନେଫଗ୍‍ ଓ ଯାଫୀୟ;
\v 8 ଇଲୀଶାମା ଓ ଇଲୀୟାଦା ଓ ଇଲୀଫେଲଟ୍‍, ଏହି ନଅ ଜଣ।
\v 9 ଏସମସ୍ତେ ଦାଉଦଙ୍କର ପୁତ୍ର; ଏମାନେ ଉପପତ୍ନୀଗଣର ସନ୍ତାନମାନଙ୍କଠାରୁ ଭିନ୍ନ; ଆଉ ତାମର ଏମାନଙ୍କର ଭଗିନୀ ଥିଲା।
\s5
\v 10 ପୁଣି, ଶଲୋମନଙ୍କର ପୁତ୍ର ରିହବୀୟାମ, ତାଙ୍କର ପୁତ୍ର ଅବୀୟ, ତାହାର ପୁତ୍ର ଆସା, ତାହାର ପୁତ୍ର ଯିହୋଶାଫଟ୍‍;
\v 11 ତାହାର ପୁତ୍ର ଯୋରାମ୍‍, ତାହାର ପୁତ୍ର ଅହସୀୟ, ତାହାର ପୁତ୍ର ଯୋୟାଶ୍‍;
\v 12 ତାହାର ପୁତ୍ର ଅମତ୍‍ସୀୟ, ତାହାର ପୁତ୍ର ଅସରୀୟ, ତାହାର ପୁତ୍ର ଯୋଥମ୍‍;
\s5
\v 13 ତାହାର ପୁତ୍ର ଆହସ୍‌, ତାହାର ପୁତ୍ର ହିଜକୀୟ, ତାହାର ପୁତ୍ର ମନଃଶି;
\v 14 ତାହାର ପୁତ୍ର ଆମୋନ୍‍, ତାହାର ପୁତ୍ର ଯୋଶୀୟ।
\s5
\v 15 ଯୋଶୀୟର ପୁତ୍ରଗଣ, ଯଥା, ପ୍ରଥମଜାତ ଯୋହାନନ୍‍, ଦ୍ୱିତୀୟ ଯିହୋୟାକୀମ୍‍, ତୃତୀୟ ସିଦିକୀୟ, ଚତୁର୍ଥ ଶଲ୍ଲୁମ୍‍।
\v 16 ପୁଣି, ଯିହୋୟାକୀମ୍‍ର ସନ୍ତାନଗଣ; ତାହାର ପୁତ୍ର ଯିକନୀୟ, ତାହାର ପୁତ୍ର ସିଦିକୀୟ।
\s5
\v 17 ବନ୍ଦୀ ଯିକନୀୟର ସନ୍ତାନଗଣ;
\v 18 ତାହାର ପୁତ୍ର ଶଲ୍‍ଟୀୟେଲ, ମଲ୍‍କୀରାମ୍‍, ପଦାୟ, ଶିନତ୍‍ସର, ଯିକମୀୟ, ହୋଶାମା ଓ ନଦବିୟ।
\s5
\v 19 ପଦାୟର ପୁତ୍ର ଯିରୁବ୍ବାବିଲ୍‍ ଓ ଶିମୀୟି; ପୁଣି, ସରୁ ଯିରୁବ୍ବାବିଲ୍‍ର ସନ୍ତାନ ମଶୁଲ୍ଲମ୍‍ ଓ ହନାନୀୟ ଓ ଶଲୋମୀତ୍‍ ସେମାନଙ୍କର ଭଗିନୀ ଥିଲା।
\v 20 ଆଉ ହଶୂବା, ଓହେଲ୍‍, ବେରିଖୀୟ, ହସଦୀୟ ଓ ଯୁଶବ-ହେଷଦ୍‍, ଏହି ପାଞ୍ଚ ଜଣ।
\v 21 ଆଉ ହନାନୀୟର ସନ୍ତାନ ପ୍ଲଟୀୟ ଓ ଯିଶାୟାହ; ରଫାୟର ପୁତ୍ରଗଣ, ଅର୍ଣ୍ଣନର ପୁତ୍ରଗଣ, ଓବଦୀୟର ପୁତ୍ରଗଣ, ଶଖନୀୟର ପୁତ୍ରଗଣ।
\s5
\v 22 ଶଖନୀୟର ପୁତ୍ରଗଣ; ଶମୟୀୟ; ଶମୟୀୟର ପୁତ୍ରଗଣ; ହଟୂଶ୍‍, ଯିଗାଲ, ବାରୀହ, ନିୟରୀୟ ଓ ଶାଫଟ୍‍, ଛଅ ଜଣ।
\v 23 ନିୟରୀୟର ସନ୍ତାନ ଇଲୀୟୋଐନୟ, ହିଜକୀୟ ଓ ଅସ୍ରୀକାମ, ଏହି ତିନି ଜଣ।
\v 24 ପୁଣି, ଇଲୀୟୋଐନୟର ପୁତ୍ର ହୋଦବୀୟ, ଇଲୀୟାଶୀବ, ପ୍ଲାୟ, ଅକ୍‍କୂବ, ଯୋହାନନ୍‍, ଦଲୟିୟ ଓ ଅନାନି, ଏହି ସାତ ଜଣ।
\s5
\c 4
\s ଯିହୁଦାଙ୍କ ବଂଶଧର
\p
\v 1 ଯିହୁଦାର ସନ୍ତାନଗଣ ପେରସ, ହିଷ୍ରୋଣ, କର୍ମି, ହୂର ଓ ଶୋବଲ୍‍।
\v 2 ପୁଣି, ଶୋବଲ୍‍ର ସନ୍ତାନ ରାୟା ଯହତ୍‍କୁ ଜାତ କଲା; ପୁଣି, ଯହତ୍‍ ଅହୂମୟ ଓ ଲହଦକୁ ଜାତ କଲା। ଏମାନେ ସରାୟୀୟ ଗୋଷ୍ଠୀ।
\s5
\v 3 ଐଟମ୍‍ର ପିତାର ସନ୍ତାନ ଯିଷ୍ରିୟେଲ ଓ ଯିଶ୍ମା ଓ ଯିଦ୍‍ବଶ; ଏମାନଙ୍କ ଭଗିନୀର ନାମ ହତ୍‍ସଲିଲ୍‍-ପୋନୀ ଥିଲା।
\v 4 ଆଉ ଗଦୋରର ପିତା ପନୂୟେଲ ଓ ହୂଶଃର ପିତା ଏସର୍‍; ଏମାନେ ବେଥଲିହିମର ପିତା ଇଫ୍ରାଥାର ଜ୍ୟେଷ୍ଠ ପୁତ୍ର ହୂରର ସନ୍ତାନ।
\s5
\v 5 ପୁଣି, ତକୋୟର ପିତା ଅସ୍‍ହୂରର ହିଲା ଓ ନାରା ନାମ୍ନୀ ଦୁଇ ଭାର୍ଯ୍ୟା ଥିଲେ।
\v 6 ନାରା ତାହାର ଔରସରେ ଅହୁଷମକୁ, ହେଫରକୁ, ତୈମିନିକୁ ଓ ଅହସ୍ତରିକୁ ପ୍ରସବ କଲା। ଏମାନେ ନାରାର ସନ୍ତାନ।
\v 7 ଆଉ ହିଲାର ସନ୍ତାନ ସେରତ୍‍, ୟସ୍‍ହାର
\f +
\fr 4:7
\fq ୟସ୍‍ହାର
\ft କିମ୍ବା ସୋହର
\f* ଓ ଇତ୍‍ନନ୍‍।
\v 8 ପୁଣି, ହକ୍କୋସ୍‍ ଆନୂବକୁ, ସୋବେବାକୁ ଓ ହାରୁମ୍‍ର ପୁତ୍ର ଅହହେଲର ଗୋଷ୍ଠୀକୁ ଜାତ କଲା।
\s5
\v 9 ପୁଣି, ଯାବେଷ୍‍ ଆପଣା ଭ୍ରାତୃଗଣ ଅପେକ୍ଷା ଅଧିକ ସମ୍ଭ୍ରାନ୍ତ ଥିଲା; ତାହାର ମାତା ତାହାର ନାମ ଯାବେଷ୍‍ ରଖିଥିଲା, କାରଣ ସେ କହିଥିଲା, ଆମ୍ଭେ ଦୁଃଖରେ ଏହାକୁ ପ୍ରସବ କଲୁ।
\v 10 ମାତ୍ର ଏହି ଯାବେଷ୍‍ ଇସ୍ରାଏଲର ପରମେଶ୍ୱରଙ୍କ ନିକଟରେ ପ୍ରାର୍ଥନା କରି କହିଲା, ଆହା, ଏହା ଯେପରି ଆମ୍ଭ ଦୁଃଖର କାରଣ ନ ହୁଏ, ଏଥିପାଇଁ ତୁମ୍ଭେ ଆମ୍ଭକୁ ନିତାନ୍ତ ଆଶୀର୍ବାଦ କର, ଆମ୍ଭ ସୀମା ବୃଦ୍ଧି କର, ତୁମ୍ଭ ହସ୍ତ ଆମ୍ଭର ସହାୟ ହେଉ, ପୁଣି, ତୁମ୍ଭେ ଆମ୍ଭକୁ ମନ୍ଦରୁ ରକ୍ଷା କର। ତହିଁରେ ପରମେଶ୍ୱର ତାହାର ନିବେଦିତ ବିଷୟ ତାହାକୁ ପ୍ରଦାନ କଲେ।
\s5
\v 11 ଶୂହାର ଭ୍ରାତା କଲୂବ ମହୀରକୁ ଜାତ କଲା, ସେ ଇଷ୍ଟୋନ୍‍ର ପିତା।
\v 12 ଇଷ୍ଟୋନ୍‍ ବେଥ୍-ରାଫା ଓ ପାସେହକୁ, ଆଉ ଈରନାହସର ପିତା ତହିନ୍ନକୁ ଜାତ କଲା। ଏମାନେ ରେକାର ଲୋକ।
\s5
\v 13 କନସର ପୁତ୍ର ଅତ୍ନୀୟେଲର ଓ ସରାୟ; ଅତ୍ନୀୟେଲର ପୁତ୍ରମାନେ; ହଥତ୍‍।
\v 14 ମିୟୋନୋଥୟ ଅଫ୍ରାକୁ ଜାତ କଲା; ପୁଣି, ସରାୟ ଗିହରଷୀୟମାନଙ୍କ ପିତା ଯୋୟାବକୁ ଜାତ କଲା; ଏମାନେ ଶିଳ୍ପକାର ଥିଲେ।
\v 15 ଆଉ ଯିଫୁନ୍ନିର ପୁତ୍ର କାଲେବଙ୍କର ସନ୍ତାନଗଣ; ଈରୁ, ଏଲା ଓ ନୟମ; ଆଉ ଏଲାର ସନ୍ତାନଗଣ ଓ କନସ୍‍।
\v 16 ଯିହଲିଲେର ପୁତ୍ରଗଣ; ସୀଫ୍‍, ସୀଫା, ତୀରିୟ ଓ ଅସାରେଲ।
\s5
\v 17 ଆଉ, ଏଜ୍ରାର ପୁତ୍ରଗଣ; ଯେଥର, ମେରଦ୍‍, ଏଫର ଓ ଯାଲୋନ୍‍ (ମେରଦ୍‍ର) ଭାର୍ଯ୍ୟା ମରୀୟମ, ଶମ୍ମୟ ଓ ଇଷ୍ଟିମୋୟର ପିତା ଯିଶ୍‍ବହକୁ ପ୍ରସବ କଲା।
\v 18 ଆଉ ତାହାର ଯିହୁଦୀୟା ଭାର୍ଯ୍ୟା, ଗଦୋରର ପିତା ଯେରଦକୁ, ସୋଖୋର ପିତା ହେବରକୁ ଓ ସାନୋହର ପିତା ଯିକୂଥୀୟେଲକୁ ପ୍ରସବ କଲା। ମାତ୍ର ସେମାନେ ଫାରୋର କନ୍ୟା ବିଥିୟାର ସନ୍ତାନ ଥିଲେ, ମେରଦ୍‍ ତାହାକୁ ବିବାହ କରିଥିଲା।
\s5
\v 19 ନହମର ଭଗିନୀ, ହୋଦୀୟର ଭାର୍ଯ୍ୟାର ସନ୍ତାନ ଗର୍ମୀୟ କିୟୀଲାର ପିତା ଓ ମାଖାଥୀୟ ଇଷ୍ଟିମୋୟ।
\v 20 ଆଉ, ଶିମୋନର ସନ୍ତାନ ଅମ୍ନୋନ, ରିଣ୍ଣ, ବିନ୍‍ହାନନ୍‍ ଓ ତୀଲୋନ୍‍। ଆଉ ଈଶୀର ସନ୍ତାନ ସୋହେତ୍‍ ଓ ବିନ୍‍-ସୋହେତ୍‍।
\s5
\v 21 ଯିହୁଦାର ପୁତ୍ର ଶେଲାର ପୁତ୍ରଗଣ; ଲେକାର ପିତା ଏର ଓ ମାରେଶାର ପିତା ଲାଦା, ଆଉ ବେଥ୍-ଅସବେୟର ବଂଶ-ଜାତ କ୍ଷୌମବସ୍ତ୍ର-ପ୍ରସ୍ତୁତକାରୀ ସକଳ ଗୋଷ୍ଠୀ;
\v 22 ପୁଣି, ଯୋକୀମ୍‍, କୋଷେବାର ଲୋକମାନେ, ଯୋୟାଶ୍‍, ସାରଫ୍‍ ନାମକ ମୋୟାବର ଶାସନକର୍ତ୍ତା ଓ ଯାଶୂବିଲେହମ୍‍। ଏହା ଲିଖିତ ବିବରଣୀ ଅଟେ।
\v 23 ଏମାନେ କୁମ୍ଭକାର, ନତାୟିମ ଓ ଗଦେରାରେ ବାସ କଲେ; ସେମାନେ ସେଠାରେ ରାଜା ସଙ୍ଗେ ତାହାର କାର୍ଯ୍ୟ ସକାଶେ ବାସ କଲେ।
\s ଶିମୀୟୋନଙ୍କ ବଂଶଧର
\p
\s5
\v 24 ଶିମୀୟୋନର ସନ୍ତାନ ନମୂୟେଲ ଓ ଯାମୀନ୍‍, ଯାରୀବ, ସେରହ, ଶୌଲ;
\v 25 ତାହାର ପୁତ୍ର ଶଲ୍ଲୁମ୍‍, ତାହାର ପୁତ୍ର ମିବ୍‍ସମ୍‍, ତାହାର ପୁତ୍ର ମିଶ୍‍ମା।
\v 26 ପୁଣି, ମିଶ୍‍ମାର ସନ୍ତାନ ହମୁୟେଲ, ତାହାର ସନ୍ତାନ ସକ୍କୁର, ତାହାର ପୁତ୍ର ଶିମୀୟି।
\s5
\v 27 ଆଉ, ଶିମୀୟିର ଷୋଳ ପୁତ୍ର ଓ ଛଅ କନ୍ୟା ଥିଲେ; ମାତ୍ର ତାହାର ଭ୍ରାତୃଗଣର ଅନେକ ସନ୍ତାନ ନ ଥିଲେ, କିଅବା ସେମାନଙ୍କର ଗୋଷ୍ଠୀ ଯିହୁଦା-ସନ୍ତାନଗଣ ତୁଲ୍ୟ ବୃଦ୍ଧି ପାଇଲେ ନାହିଁ।
\v 28 ଆଉ, ସେମାନେ ବେର୍‍ଶେବାରେ, ମୋଲାଦାରେ, ହତ୍‍ସର-ଶୁୟାଲ୍‍ରେ,
\s5
\v 29 ବିଲ୍‌ହାରେ, ଏତ୍‍ସମ୍‍ରେ, ତୋଲଦରେ,
\v 30 ବଥୂୟେଲରେ, ହର୍ମାରେ, ସିକ୍ଲଗ୍‍ରେ,
\v 31 ବେଥ୍-ମର୍କାବୋତ୍‍ରେ, ହତ୍‍ସର୍‍-ସୂଷୀମ୍‍ରେ, ବେଥ୍-ବିରୀରେ ଓ ଶାରୟିମ୍‍ରେ ବାସ କଲେ। ଦାଉଦଙ୍କର ରାଜତ୍ୱ ପର୍ଯ୍ୟନ୍ତ ଏସବୁ ନଗର ସେମାନଙ୍କର ଥିଲା।
\s5
\v 32 ଆଉ, ଗ୍ରାମସୁଦ୍ଧା ଐଟମ୍‍, ଐନ୍‍, ରିମ୍ମୋନ୍‍, ତୋଖେନ୍‍ ଓ ଆଶନ୍‍, ଏହି ପାଞ୍ଚ ନଗର;
\v 33 ପୁଣି, ବାଲ୍‍ ପର୍ଯ୍ୟନ୍ତ ଏହି ନଗରର ଚତୁର୍ଦ୍ଦିଗସ୍ଥ ସମସ୍ତ ଗ୍ରାମ ସେମାନଙ୍କର ଥିଲା। ଏହିସବୁ ସେମାନଙ୍କର ନିବାସ-ସ୍ଥାନ ଓ ସେମାନଙ୍କ ନିଜର ବଂଶାବଳୀ ଅଛି।
\s5
\v 34 ଆଉ, ମଶୋବବ୍‍, ଯମ୍ଲେକ ଓ ଅମତ୍‍ସୀୟର ପୁତ୍ର ଯୋଶ
\v 35 ଓ ଯୋୟେଲ, ପୁଣି, ଅସୀୟେଲର ପ୍ରପୌତ୍ର ସରାୟର ପୌତ୍ର ଯୋଶିବିୟର ପୁତ୍ର ଯେହୂ;
\v 36 ଇଲୀୟୋଐନୟ, ଯାକୋବା, ଯିଶୋହାୟ, ଅସାୟ, ଅଦୀୟେଲ, ଯିଶୀମିୟେଲ ଓ ବନାୟ;
\v 37 ଆଉ, ଶମୟୀୟର ଅତି ବୃଦ୍ଧ ପ୍ରପୌତ୍ର ଶିମ୍ରିର ବୃଦ୍ଧ ପ୍ରପୌତ୍ର ଯିଦାୟର ପ୍ରପୌତ୍ର ଆଲୋନର ପୌତ୍ର ଶିଫିୟିର ପୁତ୍ର ସୀଷଃ;
\v 38 ଏହି ଯେଉଁ ବ୍ୟକ୍ତିମାନଙ୍କ ନାମ ବ୍ୟକ୍ତ ହେଲା, ସେମାନେ ଆପଣା ଆପଣା ଗୋଷ୍ଠୀର ଅଧ୍ୟକ୍ଷ ଥିଲେ ଓ ସେମାନଙ୍କ ପିତୃବଂଶ ଅତିଶୟ ବୃଦ୍ଧି ପାଇଲେ।
\s5
\v 39 ପୁଣି, ସେମାନେ ଆପଣାମାନଙ୍କ ପଶୁପଲ ପାଇଁ ଚରାସ୍ଥାନ ଅନ୍ୱେଷଣ କରିବାକୁ ଗଦୋରର ପ୍ରବେଶ-ସ୍ଥାନ, ଅର୍ଥାତ୍‍, ଉପତ୍ୟକାର ପୂର୍ବ ପାର୍ଶ୍ୱ ପର୍ଯ୍ୟନ୍ତ ଗଲେ।
\v 40 ତହିଁରେ ସେମାନେ ପ୍ରଚୁର ଓ ଉତ୍ତମ ଚରାସ୍ଥାନ ପାଇଲେ, ଆଉ ଦେଶ ପ୍ରଶସ୍ତ ଓ ଶାନ୍ତ ଓ ନିର୍ବିରୋଧ ଥିଲା; କାରଣ ହାମବଂଶୀୟ ଲୋକମାନେ ପୂର୍ବରେ ସେହି ସ୍ଥାନରେ ବାସ କରୁଥିଲେ।
\v 41 ପୁଣି, ଏହି ଯେଉଁ ବ୍ୟକ୍ତିମାନଙ୍କ ନାମ ଲିଖିତ ହେଲା, ସେମାନେ ଯିହୁଦାର ରାଜା ହିଜକୀୟର ସମୟରେ ଆସି ସେହି ଲୋକମାନଙ୍କ ତମ୍ବୁ ଓ ସେଠାରେ ପ୍ରାପ୍ତ ମିୟନୀୟମାନଙ୍କୁ ଆଘାତ କରି ସମ୍ପୂର୍ଣ୍ଣ ରୂପେ ବିନାଶ କଲେ, (ତାହା ଆଜି ପର୍ଯ୍ୟନ୍ତ ସେପରି ଅଛି), ଆଉ ସେମାନଙ୍କ ବଦଳେ ବାସ କଲେ; କାରଣ ସେଠାରେ ସେମାନଙ୍କ ପଶୁପଲ ପାଇଁ ଚରାସ୍ଥାନ ଥିଲା।
\s5
\v 42 ଆଉ, ସେମାନଙ୍କର କେତେକ ଲୋକ, ଅର୍ଥାତ୍‍, ଶିମୀୟୋନର ସନ୍ତାନଗଣ ମଧ୍ୟରୁ ପାଞ୍ଚ ଶହ ଜଣ ଈଶୀର ସନ୍ତାନ ପ୍ଲଟୀୟକୁ ଓ ନିୟରୀୟକୁ ଓ ରଫାୟକୁ ଓ ଉଷୀୟେଲକୁ ସେନାପତି କରି ସେୟୀର ପର୍ବତକୁ ଗଲେ।
\v 43 ପୁଣି, ସେମାନେ ଅମାଲେକୀୟ ପଳାତକ ଅବଶିଷ୍ଟ ଲୋକମାନଙ୍କୁ ଆଘାତ କରି ସେଠାରେ ବାସ କଲେ, ଆଜି ପର୍ଯ୍ୟନ୍ତ ସେମାନେ ସେଠାରେ ଅଛନ୍ତି।
\s5
\c 5
\s ରୁବେନ୍‍ଙ୍କ ବଂଶଧର
\p
\v 1 ଇସ୍ରାଏଲର ପ୍ରଥମଜାତ ରୁବେନ୍‍ର ସନ୍ତାନଗଣର କଥା, ରୁବେନ୍‍ ପ୍ରଥମଜାତ ଥିଲା; ମାତ୍ର ସେ ଆପଣା ପିତୃଶଯ୍ୟା
\f +
\fr 5:1
\ft ଅର୍ଥାତ୍ ସେ ତାଙ୍କ ପିତାର ଉପପତ୍ନି ସହ ଶାରୀରିକ ସମ୍ପର୍କ ରଖିଥିବା ସକାଶୁ
\f* ଅଶୁଚି କରିବାରୁ ତାହାର ଜ୍ୟେଷ୍ଠାଧିକାର ଇସ୍ରାଏଲର ପୁତ୍ର ଯୋଷେଫର ପୁତ୍ରମାନଙ୍କୁ ଦିଆଯାଇଥିଲା; ତଥାପି ଜ୍ୟେଷ୍ଠାଧିକାରାନୁସାରେ ବଂଶାବଳୀ ଲେଖା ହୁଏ ନାହିଁ।
\v 2 କାରଣ ଯିହୁଦା ଆପଣା ଭ୍ରାତୃଗଣ ଅପେକ୍ଷା ପରାକ୍ରମୀ ହେଲା ଓ ତାହାଠାରୁ ଅଧିପତି ଉତ୍ପନ୍ନ ହେଲେ; ମାତ୍ର ଜ୍ୟେଷ୍ଠାଧିକାର ଯୋଷେଫର ହେଲା;
\v 3 ଇସ୍ରାଏଲର ଜ୍ୟେଷ୍ଠ ପୁତ୍ର ରୁବେନ୍‍ର ସନ୍ତାନ ହନୋକ ଓ ପଲ୍ଲୂ, ହିଷ୍ରୋଣ ଓ କର୍ମି।
\s5
\v 4 ଯୋୟେଲର ସନ୍ତାନଗଣ; ତାହାର ପୁତ୍ର ଶମୟୀୟ, ତାହାର ପୁତ୍ର ଗୋଗ୍‍, ତାହାର ପୁତ୍ର ଶିମୀୟି;
\v 5 ତାହାର ପୁତ୍ର ମୀଖା, ତାହାର ପୁତ୍ର ରାୟା, ତାହାର ପୁତ୍ର ବାଲ୍‍;
\v 6 ତାହାର ପୁତ୍ର ବେରା, ଯାହାକୁ ଅଶୂର-ରାଜା ତିଗ୍ଲତ୍‍-ପିଲ୍‍ନେଷର ବନ୍ଦୀ କରି ନେଇଗଲା; ସେ ରୁବେନୀୟମାନଙ୍କର ଅଧିପତି ଥିଲା।
\s5
\v 7 ଯେତେବେଳେ ସେମାନଙ୍କ ବଂଶାବଳୀ ଲେଖାଗଲା, ସେତେବେଳେ ଆପଣା ଆପଣା ଗୋଷ୍ଠୀ ଅନୁସାରେ ଏହାର ଏହି ଭ୍ରାତୃଗଣ ଥିଲେ; ପ୍ରଧାନ ଯିୟୀୟେଲ୍‍ ଓ ଜିଖରୀୟ
\v 8 ଓ ଯୋୟେଲର ପ୍ରପୌତ୍ର ଶେମାର ପୌତ୍ର ଆସସ୍‍ର ପୁତ୍ର ବେଲା, ସେ ଅରୋୟେର ଓ ନବୋ ଓ ବାଲ୍‍-ମୀୟୋନ୍‍ ପର୍ଯ୍ୟନ୍ତ ବାସ କଲା।
\v 9 ପୁଣି, ପୂର୍ବଦିଗରେ ସେ ଫରାତ୍‍ ନଦୀଠାରୁ ପ୍ରାନ୍ତର-ପ୍ରବେଶ-ସ୍ଥାନ ପର୍ଯ୍ୟନ୍ତ ବାସ କଲା; କାରଣ ଗିଲୀୟଦ ଦେଶରେ ସେମାନଙ୍କ ପଶୁଗଣ ବୃଦ୍ଧି ପାଇଥିଲେ।
\s5
\v 10 ପୁଣି, ଶାଉଲଙ୍କର ସମୟରେ ସେମାନେ ହାଗରୀୟମାନଙ୍କ ସହିତ ଯୁଦ୍ଧ କରନ୍ତେ, ହାଗରୀୟମାନେ ସେମାନଙ୍କ ହସ୍ତରେ ପତିତ ହେଲେ; ତହୁଁ ଏମାନେ ସେମାନଙ୍କ ତମ୍ବୁରେ ଗିଲୀୟଦ ଦେଶର ପୂର୍ବ ଦିଗରେ ସର୍ବତ୍ର ବାସ କଲେ।
\s ଗାଦ୍‍ଙ୍କ ବଂଶଧର
\p
\s5
\v 11 ପୁଣି, ଗାଦ୍‍ର ସନ୍ତାନଗଣ ସେମାନଙ୍କ ସମ୍ମୁଖରେ ସଲଖା ପର୍ଯ୍ୟନ୍ତ ବାଶନ ଦେଶରେ ବାସ କଲେ।
\v 12 ଯୋୟେଲ ପ୍ରଧାନ ଓ ଶାଫମ୍‍ ଦ୍ୱିତୀୟ, ଆଉ ଯାନୟ ଓ ଶାଫଟ୍‍ ବାଶନରେ ରହିଲେ;
\v 13 ପୁଣି, ସେମାନଙ୍କର ପିତୃବଂଶଜ ଭ୍ରାତୃଗଣ ମୀଖାୟେଲ, ମଶୁଲ୍ଲମ୍‍, ଶେବଃ, ଯୋରୟ, ଯାକନ୍‍, ସୀୟ ଓ ଏବର, ସାତ ଜଣ।
\s5
\v 14 ବୂଷ୍‍ର ପୁତ୍ର ଯହଦୋ, ଯହଦୋର ପୁତ୍ର ଯିହିଶୟ, ଯିହିଶୟର ପୁତ୍ର ମୀଖାୟେଲ, ମୀଖାୟେଲର ପୁତ୍ର ଗିଲୀୟଦ, ଗିଲୀୟଦର ପୁତ୍ର ଯାରୋହ, ଯାରୋହର ପୁତ୍ର ହୁରି; ହୁରିର ପୁତ୍ର ଅବୀହୟିଲ, ସେମାନେ ସେହି ଅବୀହୟିଲର ସନ୍ତାନ ଥିଲେ।
\v 15 ଗୂନିର ପୌତ୍ର ଅବ୍‍ଦୀୟେଲର ପୁତ୍ର ଅହି ସେମାନଙ୍କ ପିତୃବଂଶର ପ୍ରଧାନ ଥିଲା।
\s5
\v 16 ସେମାନେ ଗିଲୀୟଦରେ, ବାଶନରେ ତହିଁର ସମସ୍ତ ଉପନଗରରେ ଓ ସେସବୁର ସୀମା ପର୍ଯ୍ୟନ୍ତ ଶାରୋଣର ସମସ୍ତ ତଳିଭୂମିରେ ବାସ କଲେ।
\v 17 ଯିହୁଦାର ରାଜା ଯୋଥମ୍‍ଙ୍କର ସମୟରେ ଓ ଇସ୍ରାଏଲର ରାଜା ଯାରବୀୟାମ୍‍ଙ୍କ ସମୟରେ ଏସମସ୍ତଙ୍କର ବଂଶାବଳୀ ଲିଖିତ ହୋଇଥିଲା।
\s5
\v 18 ରୁବେନ୍‍ର ସନ୍ତାନଗଣ, ପୁଣି, ଗାଦୀୟ, ମନଃଶିର ଅର୍ଦ୍ଧ ବଂଶ ମଧ୍ୟରେ ଢାଲ, ଖଡ୍ଗ ଧରିବାକୁ, ଧନୁ ମାରିବାକୁ ସମର୍ଥ ଓ ଯୁଦ୍ଧରେ ନିପୁଣ ଚୌରାଳିଶ ହଜାର ସାତ ଶହ ଷାଠିଏ ଜଣ ବିକ୍ରମୀ ପୁରୁଷ ଯୁଦ୍ଧଯାତ୍ରା କରିବାକୁ ସମର୍ଥ ଥିଲେ।
\v 19 ସେମାନେ ହାଗରୀୟମାନଙ୍କ ସହିତ, ଯିଟୁର, ନାଫୀଶ୍‍ ଓ ନୋଦବ୍‍ ସହିତ ଯୁଦ୍ଧ କଲେ।
\s5
\v 20 ସେମାନେ ସେମାନଙ୍କ ପ୍ରତିକୂଳରେ ସାହାଯ୍ୟ ପାଇଲେ, ତହିଁରେ ହାଗରୀୟମାନେ ଓ ସେମାନଙ୍କ ସଙ୍ଗୀ ସମସ୍ତ ଲୋକ ସେମାନଙ୍କ ହସ୍ତରେ ସମର୍ପିତ ହେଲେ; କାରଣ ସେମାନେ ଯୁଦ୍ଧରେ ପରମେଶ୍ୱରଙ୍କ ନିକଟରେ କ୍ରନ୍ଦନ କରନ୍ତେ, ସେ ସେମାନଙ୍କ ପ୍ରାର୍ଥନା ଶୁଣିଲେ; ଯେହେତୁ ସେମାନେ ତାହାଙ୍କଠାରେ ବିଶ୍ୱାସ କଲେ।
\v 21 ଆଉ ସେମାନେ ସେମାନଙ୍କ ପଶୁ, ଅର୍ଥାତ୍‍, ସେମାନଙ୍କ ଉଷ୍ଟ୍ର ମଧ୍ୟରୁ ପଚାଶ ହଜାର, ମେଷ ମଧ୍ୟରୁ ଅଢ଼ାଇ ଲକ୍ଷ, ଗର୍ଦ୍ଦଭ ମଧ୍ୟରୁ ଦୁଇ ହଜାର ଓ ମନୁଷ୍ୟ ମଧ୍ୟରୁ ଏକ ଲକ୍ଷ ନେଇ ଗଲେ।
\v 22 କାରଣ ଯୁଦ୍ଧ ପରମେଶ୍ୱରଙ୍କ ଆଡ଼ୁ ହେବାରୁ ଅନେକ ହତ ହୋଇ ପଡ଼ିଲେ। ପୁଣି, ସେମାନେ ବନ୍ଦୀତ୍ୱ ପର୍ଯ୍ୟନ୍ତ ସେମାନଙ୍କ ସ୍ଥାନରେ ବାସ କଲେ।
\s ମନଃଶିଙ୍କ ଅର୍ଦ୍ଧ ବଂଶ
\p
\s5
\v 23 ଆଉ ମନଃଶିର ଅର୍ଦ୍ଧ ବଂଶର ସନ୍ତାନଗଣ ସେହି ଦେଶରେ ବାସ କଲେ; ସେମାନେ ବୃଦ୍ଧି ପାଇ ବାଶନଠାରୁ ବାଲ୍‍-ହର୍ମୋନ୍‍, ସନୀର୍‍ ଓ ହର୍ମୋଣ ପର୍ବତ ପର୍ଯ୍ୟନ୍ତ ବ୍ୟାପିଗଲେ।
\v 24 ପୁଣି, ଏମାନେ ଆପଣାମାନଙ୍କ ପିତୃବଂଶର ପ୍ରଧାନ ଥିଲେ, ଯଥା, ଏଫର, ଈଶୀ, ଇଲୀୟେଲ୍‍, ଅସ୍ରୀୟେଲ, ଯିରିମୀୟ, ହୋଦବୀୟ ଓ ଯହଦୀୟେଲ୍‍, ଏସମସ୍ତେ ମହାବିକ୍ରମଶାଳୀ, ବିଖ୍ୟାତ ଓ ଆପଣା ଆପଣା ପିତୃବଂଶର ପ୍ରଧାନ ଥିଲେ।
\s5
\v 25 ଏଥିଉତ୍ତାରେ ସେମାନେ ଆପଣା ପୂର୍ବପୁରୁଷଗଣର ପରମେଶ୍ୱରଙ୍କ ବିରୁଦ୍ଧରେ ସତ୍ୟ-ଲଙ୍ଘନ କଲେ, ଆଉ ପରମେଶ୍ୱର ଯେଉଁ ଦେଶୀୟ ଲୋକମାନଙ୍କୁ ସେମାନଙ୍କ ସମ୍ମୁଖରେ ବିନାଶ କରିଥିଲେ, ସେମାନେ ସେମାନଙ୍କ ଦେବଗଣର ଅନୁଗାମୀ ହୋଇ ବ୍ୟଭିଚାର କଲେ।
\f +
\fr 5:25
\fq ବ୍ୟଭିଚାର କଲେ।
\ft ଅର୍ଥାତ୍ ଅବିଶ୍ବସ୍ତ ହେଲେ
\f*
\v 26 ତହିଁରେ ଇସ୍ରାଏଲର ପରମେଶ୍ୱର ଅଶୂରର ରାଜା ପୂଲ୍‍ର ମନକୁ ଓ ଅଶୂରର ରାଜା ତିଗ୍ଲତ୍‍-ପିଲ୍‍ନେଷରର ମନକୁ ଉତ୍ତେଜିତ କଲେ, ତହିଁରେ ସେ ସେମାନଙ୍କୁ, ଅର୍ଥାତ୍‍, ରୁବେନୀୟ, ଗାଦୀୟ, ମନଃଶିର ଅର୍ଦ୍ଧ ବଂଶୀୟ ଲୋକଙ୍କୁ ହଲହ, ହାବୋର, ହାରା ଓ ଗୋଶନ ନଦୀତୀରକୁ ଆଣିଲା, ଆଜି ପର୍ଯ୍ୟନ୍ତ ସେମାନେ ସେଠାରେ ଅଛନ୍ତି।
\s5
\c 6
\s ଲେବୀଙ୍କ ବଂଶଧର
\p
\v 1 ଲେବୀର ପୁତ୍ର ଗେର୍ଶୋନ‍, କହାତ ଓ ମରାରି।
\v 2 କହାତର ପୁତ୍ର ଅମ୍ରାମ୍‍, ଯିଷ୍‍ହର୍‍ ଓ ହିବ୍ରୋଣ ଓ ଉଷୀୟେଲ।
\v 3 ଅମ୍ରାମ୍‍ର ସନ୍ତାନ ହାରୋଣ ଓ ମୋଶା ଓ ମରୀୟମ। ପୁଣି, ହାରୋଣର ପୁତ୍ର ନାଦବ୍‍ ଓ ଅବୀହୂ, ଇଲୀୟାସର ଓ ଈଥାମର।
\s5
\v 4 ଇଲୀୟାସର ପୀନହସ୍‍କୁ ଜାତ କଲା, ପୀନହସ୍‍ ଅବୀଶୂୟକୁ ଜାତ କଲା;
\v 5 ପୁଣି, ଅବୀଶୂୟ ବୁକ୍‍କିକୁ ଜାତ କଲା ଓ ବୁକ୍‍କୁ ଉଷିକୁ ଜାତ କଲା;
\v 6 ଆଉ ଉଷି ସରହୀୟକୁ ଜାତ କଲା ଓ ସରହୀୟ ମରାୟୋତ୍‍କୁ ଜାତ କଲା;
\s5
\v 7 ମରାୟୋତ୍‍ ଅମରୀୟକୁ ଜାତ କଲା, ଅମରୀୟ ଅହୀଟୂବ୍‍କୁ ଜାତ କଲା।
\v 8 ଆଉ ଅହୀଟୂବ୍‍ ସାଦୋକକୁ ଜାତ କଲା, ସାଦୋକ ଅହୀମାସ୍‍କୁ ଜାତ କଲା;
\v 9 ଅହୀମାସ୍‍ ଅସରୀୟକୁ ଜାତ କଲା, ଅସରୀୟ ଯୋହାନନ୍‍କୁ ଜାତ କଲା;
\s5
\v 10 ଆଉ ଯୋହାନନ୍‍ ଅସରୀୟକୁ ଜାତ କଲା, ଏହି ଅସରୀୟ ଯିରୂଶାଲମରେ ଶଲୋମନ ନିର୍ମିତ ମନ୍ଦିରରେ ଯାଜକକର୍ମ କଲା।
\v 11 ଅସରୀୟ ଅମରୀୟକୁ ଜାତ କଲା, ଅମରୀୟ ଅହୀଟୂବ୍‍କୁ ଜାତ କଲା;
\v 12 ପୁଣି, ଅହୀଟୂବ୍‍ ସାଦୋକକୁ ଜାତ କଲା, ସାଦୋକ ଶଲ୍ଲୁମ୍‍କୁ ଜାତ କଲା;
\s5
\v 13 ଶଲ୍ଲୁମ୍‍ ହିଲ୍‍କୀୟକୁ ଜାତ କଲା, ହିଲ୍‍କିୟ ଅସରୀୟକୁ ଜାତ କଲା;
\v 14 ଆଉ ଅସରୀୟ ସରାୟକୁ ଜାତ କଲା ଓ ସରାୟ ଯିହୋଷାଦକଙ୍କୁ ଜାତ କଲା।
\v 15 ପୁଣି, ସଦାପ୍ରଭୁ ନବୂଖଦ୍‍ନିତ୍ସରର ହସ୍ତ ଦ୍ୱାରା ଯିହୁଦା ଓ ଯିରୂଶାଲମକୁ ନିର୍ବାସନ କରିବା ସମୟରେ ଏହି ଯିହୋଷାଦକ ବନ୍ଦୀ ହୋଇ ଗଲା।
\s5
\v 16 ଲେବୀର ପୁତ୍ର ଗେର୍ଶୋମ, କହାତ ଓ ମରାରି ଥିଲେ।
\v 17 ଗେର୍ଶୋମର ପୁତ୍ରମାନଙ୍କ ନାମ ଲିବ୍‍ନି ଓ ଶିମୀୟି।
\v 18 କହାତର ପୁତ୍ର ଅମ୍ରାମ୍‍, ଯିଷ୍‍ହର୍‍, ହିବ୍ରୋଣ ଓ ଉଷୀୟେଲ।
\s5
\v 19 ମରାରିର ପୁତ୍ର ମହଲି ଓ ମୂଶି; ଆଉ ଆପଣା ଆପଣା ପିତୃବଂଶାନୁସାରେ ଏସମସ୍ତେ ଲେବୀୟ ଗୋଷ୍ଠୀ।
\v 20 ଗେର୍ଶୋମର (ସନ୍ତାନ); ତାହାର ପୁତ୍ର ଲିବ୍‍ନି, ତାହାର ପୁତ୍ର ଯହତ୍‍, ତାହାର ପୁତ୍ର ସିମ୍ମ;
\v 21 ତାହାର ପୁତ୍ର ଯୋୟାହ, ତାହାର ପୁତ୍ର ଇଦ୍ଦୋ, ତାହାର ପୁତ୍ର ସେରହ, ତାହାର ପୁତ୍ର ଯୀୟତ୍ରୟ।
\s5
\v 22 କହାତର ସନ୍ତାନ; ତାହାର ପୁତ୍ର ଅମ୍ମୀନାଦବ, ତାହାର ପୁତ୍ର କୋରହ, ତାହାର ପୁତ୍ର ଅସୀର;
\v 23 ତାହାର ପୁତ୍ର ଇଲ୍‍କାନା, ତାହାର ପୁତ୍ର ଅବୀୟାସଫ, ତାହାର ପୁତ୍ର ଅସୀର;
\v 24 ତାହାର ପୁତ୍ର ତହତ, ତାହାର ପୁତ୍ର ଊରୀୟେଲ, ତାହାର ପୁତ୍ର ଉଷୀୟ, ତାହାର ପୁତ୍ର ଶୌଲ।
\s5
\v 25 ଇଲ୍‍କାନାର ସନ୍ତାନ ଅମାସୟ ଓ ଅହୀମୋତ୍‍।
\v 26 ଇଲ୍‍କାନା; ଇଲ୍‍କାନାର ସନ୍ତାନ; ତାହାର ପୁତ୍ର ସୋଫୀ, ତାହାର ପୁତ୍ର ନହତ୍‍;
\v 27 ତାହାର ପୁତ୍ର ଇଲୀୟାବ୍‍, ତାହାର ପୁତ୍ର ଯିରୋହମ୍‍, ତାହାର ପୁତ୍ର ଇଲ୍‍କାନା।
\s5
\v 28 ଶାମୁୟେଲଙ୍କର ସନ୍ତାନ; ପ୍ରଥମଜାତ ଯୋୟେଲ ଓ ଦ୍ୱିତୀୟ ଅବୀୟ।
\v 29 ମରାରିର ସନ୍ତାନ ମହଲି, ତାହାର ପୁତ୍ର ଲିବ୍‍ନି, ତାହାର ପୁତ୍ର ଶିମୀୟି, ତାହାର ପୁତ୍ର ଉଷଃ;
\v 30 ତାହାର ପୁତ୍ର ଶିମୀୟ, ତାହାର ପୁତ୍ର ହଗୀୟ, ତାହାର ପୁତ୍ର ଅସାୟ।
\s5
\v 31 (ନିୟମ)ସିନ୍ଦୁକ ବିଶ୍ରାମ-ସ୍ଥାନ ପାଇଲା ଉତ୍ତାରେ ଦାଉଦ ଯେଉଁମାନଙ୍କୁ ସଦାପ୍ରଭୁଙ୍କ ଗୃହର ଗାନ-ସେବାରେ ନିଯୁକ୍ତ କରିଥିଲେ, ସେମାନଙ୍କର ନାମ ଏହି।
\v 32 ପୁଣି, ଶଲୋମନ ଯିରୂଶାଲମରେ ସଦାପ୍ରଭୁଙ୍କ ଗୃହ ନିର୍ମାଣ ନ କରିବା ପର୍ଯ୍ୟନ୍ତ ସେମାନେ ସମାଗମ-ତମ୍ବୁରୂପ ଆବାସ ସମ୍ମୁଖରେ ଗାନ ଦ୍ୱାରା ପରିଚର୍ଯ୍ୟା କଲେ ଓ ସେମାନେ ଆପଣା ଆପଣା ପାଳି ଅନୁସାରେ ସ୍ୱ ସ୍ୱ ପଦରେ ସେବା କଲେ।
\s5
\v 33 ଆଉ ସେହି ସେବାକାରୀ ଲୋକମାନେ ଓ ସେମାନଙ୍କ ସନ୍ତାନଗଣ, ଯଥା, କହାତୀୟ ସନ୍ତାନଗଣ ମଧ୍ୟରେ ହେମନ ଗାୟକ, ସେ ଯୋୟେଲର ପୁତ୍ର, ସେ ଶାମୁୟେଲଙ୍କର ପୁତ୍ର;
\v 34 ସେ ଇଲ୍‍କାନାର ପୁତ୍ର, ସେ ଯିରୋହମର ପୁତ୍ର, ସେ ଇଲୀୟେଲ୍‍ର ପୁତ୍ର, ସେ ତୋହର ପୁତ୍ର;
\v 35 ସେ ସୂଫର ପୁତ୍ର, ସେ ଇଲ୍‍କାନାର ପୁତ୍ର, ସେ ମାହତ୍‍ର ପୁତ୍ର, ସେ ଅମାସୟର ପୁତ୍ର;
\s5
\v 36 ସେ ଇଲ୍‍କାନାର ପୁତ୍ର, ସେ ଯୋୟେଲର ପୁତ୍ର, ସେ ଅସରୀୟର ପୁତ୍ର, ସେ ସଫନୀୟର ପୁତ୍ର;
\v 37 ସେ ତହତର ପୁତ୍ର, ସେ ଅସୀରର ପୁତ୍ର, ସେ ଅବୀୟାସଫର ପୁତ୍ର, ସେ କୋରହର ପୁତ୍ର;
\v 38 ସେ ଯିଷ୍‍ହରିର ପୁତ୍ର, ସେ କହାତର ପୁତ୍ର, ସେ ଲେବୀର ପୁତ୍ର, ସେ ଇସ୍ରାଏଲର ପୁତ୍ର।
\s5
\v 39 ହେମନର ଭ୍ରାତା ଆସଫ ତାହାର ଦକ୍ଷିଣରେ ଠିଆ ହେଲା, ସେହି ଆସଫ ବେରିଖୀୟର ପୁତ୍ର, ସେ ଶିମୀୟର ପୁତ୍ର;
\v 40 ସେ ମୀଖାୟେଲର ପୁତ୍ର, ସେ ବାସେୟର ପୁତ୍ର, ସେ ମଲ୍‍କୀୟର ପୁତ୍ର;
\v 41 ସେ ଇତ୍‍ନିର ପୁତ୍ର, ସେ ସେରହର ପୁତ୍ର, ସେ ଅଦାୟାର ପୁତ୍ର;
\v 42 ସେ ଏଥନ୍‍ର ପୁତ୍ର, ସେ ସିମ୍ମର ପୁତ୍ର, ସେ ଶିମୀୟିର ପୁତ୍ର।
\v 43 ସେ ଯହତ୍‍ର ପୁତ୍ର, ସେ ଗେର୍ଶୋମର ପୁତ୍ର, ସେ ଲେବୀର ପୁତ୍ର।
\s5
\v 44 ବାମ ଭାଗରେ ସେମାନଙ୍କ ଭ୍ରାତୃଗଣ ମରାରିର ସନ୍ତାନମାନେ ଠିଆ ହେଲେ; ଏଥନ୍‍ କୀଶିର ପୁତ୍ର, ସେ ଅବ୍‍ଦିର ପୁତ୍ର, ସେ ମଲ୍ଲୁକର ପୁତ୍ର;
\v 45 ସେ ହଶବୀୟର ପୁତ୍ର, ସେ ଅମତ୍‍ସୀୟର ପୁତ୍ର, ସେ ହିଲ୍‍କିୟର ପୁତ୍ର;
\v 46 ସେ ଅମ୍‍ସିର ପୁତ୍ର, ସେ ବାନିର ପୁତ୍ର, ସେ ଶେମରର ପୁତ୍ର;
\v 47 ସେ ମହଲିର ପୁତ୍ର, ସେ ମୂଶିର ପୁତ୍ର, ସେ ମରାରିର ପୁତ୍ର, ସେ ଲେବୀର ପୁତ୍ର।
\s5
\v 48 ସେମାନଙ୍କ ଭ୍ରାତୃଗଣ ଲେବୀୟମାନେ ପରମେଶ୍ୱରଙ୍କ ଗୃହରୂପ ଆବାସର ସମସ୍ତ ସେବାରେ ନିଯୁକ୍ତ ଥିଲେ।
\s5
\v 49 ମାତ୍ର ହାରୋଣ ଓ ତାଙ୍କର ପୁତ୍ରଗଣ ପରମେଶ୍ୱରଙ୍କ ସେବକ ମୋଶାଙ୍କର ସମସ୍ତ ଆଜ୍ଞା ପ୍ରମାଣେ ମହାପବିତ୍ର ସ୍ଥାନର ସମସ୍ତ କାର୍ଯ୍ୟ ନିମନ୍ତେ ଓ ଇସ୍ରାଏଲ ପାଇଁ ପ୍ରାୟଶ୍ଚିତ୍ତ କରିବା ନିମନ୍ତେ ହୋମାର୍ଥକ ବେଦି ଉପରେ ଓ ଧୂପାର୍ଥକ ବେଦି ଉପରେ ଉତ୍ସର୍ଗ କଲେ।
\s5
\v 50 ହାରୋଣଙ୍କର ସନ୍ତାନଗଣ; ହାରୋଣଙ୍କର ପୁତ୍ର ଇଲୀୟାସର, ତାହାର ପୁତ୍ର ପୀନହସ୍‍, ତାହାର ପୁତ୍ର ଅବୀଶୂୟ
\v 51 ତାହାର ପୁତ୍ର ବୁକ୍‍କି, ତାହାର ପୁତ୍ର ଉଷି, ତାହାର ପୁତ୍ର ସରହୀୟ;
\v 52 ତାହାର ପୁତ୍ର ମରାୟୋତ୍‍, ତାହାର ପୁତ୍ର ଅମରୀୟ, ତାହାର ପୁତ୍ର ଅହୀଟୂବ୍‍;
\v 53 ତାହାର ପୁତ୍ର ସାଦୋକ, ତାହାର ପୁତ୍ର ଅହୀମାସ୍‍।
\s5
\v 54 ଆଉ ସେମାନଙ୍କ ସ୍ୱ ସ୍ୱ ସୀମାରେ ଛାଉଣିର ସ୍ଥାପନାନୁସାରେ ଏହିସବୁ ସେମାନଙ୍କର ବସତି-ସ୍ଥାନ। ଯଥା, ହାରୋଣଙ୍କର ସନ୍ତାନଗଣ କହାତୀୟ ଗୋଷ୍ଠୀର ପ୍ରଥମ ବାଣ୍ଟ ଥିଲା,
\v 55 ଏହେତୁ ସେମାନଙ୍କୁ ଯିହୁଦା ଦେଶସ୍ଥ ହିବ୍ରୋଣ ଓ ତହିଁର ଚତୁର୍ଦ୍ଦିଗସ୍ଥ ତଳିଭୂମି ଦିଆଗଲା।
\v 56 ମାତ୍ର ନଗରର କ୍ଷେତ୍ର ଓ ତହିଁର ଗ୍ରାମସବୁ ଯିଫୁନ୍ନିର ପୁତ୍ର କାଲେବଙ୍କୁ ଦିଆଗଲା।
\s5
\v 57 ପୁଣି, ହାରୋଣଙ୍କର ସନ୍ତାନମାନଙ୍କୁ ଆଶ୍ରୟ ନଗରସବୁ, ହିବ୍ରୋଣ; ଲିବ୍‍ନା, ତହିଁର ତଳିଭୂମି ଓ ଯତ୍ତୀର ଓ ଇଷ୍ଟିମୋୟ, ତହିଁର ତଳିଭୂମି;
\v 58 ହିଲେନ୍‍, ତହିଁର ତଳିଭୂମି, ଦବୀର, ତହିଁର ତଳିଭୂମି;
\s5
\v 59 ଆଶନ୍‍, ତହିଁର ତଳିଭୂମି ଓ ବେଥ୍-ଶେମଶ, ତହିଁର ତଳିଭୂମି;
\v 60 ପୁଣି, ବିନ୍ୟାମୀନ୍ ବଂଶଠାରୁ ଗେବା, ତହିଁର ତଳିଭୂମି ଓ ଆଲେମତ୍‍, ତହିଁର ତଳିଭୂମି ଓ ଅନାଥୋତ୍‍, ତହିଁର ତଳିଭୂମି ଦିଆଗଲା। ସେମାନଙ୍କ ସମୁଦାୟ ବଂଶର ସର୍ବସୁଦ୍ଧା ତେର ନଗର ଥିଲା।
\s5
\v 61 ପୁଣି, କହାତର ଅବଶିଷ୍ଟ ସନ୍ତାନମାନଙ୍କୁ ଗୁଲିବାଣ୍ଟ ଦ୍ୱାରା ବଂଶୀୟ ଗୋଷ୍ଠୀଠାରୁ, ଅର୍ଦ୍ଧ ବଂଶ, ଅର୍ଥାତ୍‍, ମନଃଶିର ଅର୍ଦ୍ଧାଂଶଠାରୁ ଦଶ ନଗର ଦିଆଗଲା।
\v 62 ଆଉ ଗେର୍ଶୋମର ସନ୍ତାନଗଣକୁ ସେମାନଙ୍କ ଗୋଷ୍ଠୀ ଅନୁସାରେ ଇଷାଖର-ବଂଶଠାରୁ ଓ ଆଶେର-ବଂଶଠାରୁ ଓ ନପ୍ତାଲି-ବଂଶଠାରୁ ଓ ବାଶନସ୍ଥ ମନଃଶି-ବଂଶଠାରୁ ତେର ନଗର ଦିଆଗଲା।
\s5
\v 63 ମରାରିର ସନ୍ତାନଗଣକୁ ସେମାନଙ୍କ ଗୋଷ୍ଠୀ ଅନୁସାରେ ଗୁଲିବାଣ୍ଟ ଦ୍ୱାରା ରୁବେନ୍‍-ବଂଶଠାରୁ ଓ ଗାଦ୍‍-ବଂଶଠାରୁ ଓ ସବୂଲୂନ-ବଂଶଠାରୁ ବାର ନଗର ଦିଆଗଲା।
\v 64 ପୁଣି, ଇସ୍ରାଏଲ ସନ୍ତାନଗଣ ଲେବୀୟମାନଙ୍କୁ ତଳିଭୂମି ସହିତ ନଗରମାନ ଦେଲେ।
\v 65 ସେମାନେ ଗୁଲିବାଣ୍ଟ ଦ୍ୱାରା ନାମରେ ଉଲ୍ଲିଖିତ ଏହି ନଗରସବୁ ଯିହୁଦା-ସନ୍ତାନଗଣର ବଂଶଠାରୁ ଓ ଶିମୀୟୋନ-ସନ୍ତାନଗଣର ବଂଶଠାରୁ ଓ ବିନ୍ୟାମୀନ୍ ସନ୍ତାନଗଣର ବଂଶଠାରୁ ସେମାନଙ୍କୁ ଦେଲେ।
\s5
\v 66 ପୁଣି, କହାତ ସନ୍ତାନଗଣର କୌଣସି କୌଣସି ଗୋଷ୍ଠୀ ଇଫ୍ରୟିମ-ବଂଶଠାରୁ ସ୍ୱ ସ୍ୱ ସୀମାସ୍ଥ ନଗର ପାଇଲେ।
\v 67 ଆଉ ସେମାନେ ସେମାନଙ୍କୁ ଆଶ୍ରୟ-ନଗରମାନ ଦେଲେ, ଇଫ୍ରୟିମର ପର୍ବତମୟ ଦେଶରେ ତଳିଭୂମି ସହିତ ଶିଖିମ୍‍; ତଳିଭୂମି ସହିତ ଗେଷର୍‍;
\v 68 ତଳିଭୂମି ସହିତ ଯକମୀୟାମ୍‍ ଓ ତଳିଭୂମି ସହିତ ବେଥ୍-ହୋରଣ;
\v 69 ତଳିଭୂମି ସହିତ ଅୟାଲୋନ୍‍ ଓ ତଳିଭୂମି ସହିତ ଗାଥ୍‍-ରିମ୍ମୋନ;
\s5
\v 70 ପୁଣି, ମନଃଶିର ଅର୍ଦ୍ଧ ବଂଶଠାରୁ ତଳିଭୂମି ସହିତ ଆନେର୍‍ ଓ ତଳିଭୂମି ସହିତ ବିଲୀୟମ୍‍, ଏହିସବୁ ନଗର କହାତ-ସନ୍ତାନଗଣର ଅବଶିଷ୍ଟ ଗୋଷ୍ଠୀକୁ ଦେଲେ।
\s5
\v 71 ଗେର୍ଶୋମର ସନ୍ତାନମାନଙ୍କୁ ମନଃଶିର ଅର୍ଦ୍ଧ ବଂଶର ଗୋଷ୍ଠୀଠାରୁ ତଳିଭୂମି ସହିତ ବାଶନସ୍ଥ ଗୋଲନ୍‍ ଓ ତଳିଭୂମି ସହିତ ଅଷ୍ଟାରୋତ୍‍;
\v 72 ଆଉ ଇଷାଖରର ଗୋଷ୍ଠୀଠାରୁ ତଳିଭୂମି ସହିତ କେଦଶ୍‍, ତଳିଭୂମି ସହିତ ଦାବରତ୍‍;
\v 73 ତଳିଭୂମି ସହିତ ରାମୋତ୍‍ ଓ ତଳିଭୂମି ସହିତ ଆନେମ୍‍;
\s5
\v 74 ଆଉ ଆଶେର-ବଂଶଠାରୁ ତଳିଭୂମି ସହିତ ମଶାଲ୍‍, ତଳିଭୂମି ସହିତ ଅବଦୋନ୍‍;
\v 75 ତଳିଭୂମି ସହିତ ହୁକ୍‍କୋକ୍‍ ଓ ତଳିଭୂମି ସହିତ ରହୋବ୍‍;
\v 76 ଆଉ ନପ୍ତାଲି-ବଂଶଠାରୁ ତଳିଭୂମି ସହିତ ଗାଲିଲୀସ୍ଥ କେଦଶ୍‍, ତଳିଭୂମି ସହିତ ହମ୍ମୋନ ଓ ତଳିଭୂମି ସହିତ କିରୀୟାଥୟିମ ଦିଆଗଲା।
\s5
\v 77 ମରାରି-ସନ୍ତାନଗଣର ଅବଶିଷ୍ଟ ଲେବୀୟମାନଙ୍କୁ ସବୂଲୂନ-ବଂଶଠାରୁ ତଳିଭୂମି ସହିତ ରିମ୍ମୋନ୍‍, ତଳିଭୂମି ସହିତ ତାବୋର୍‍ ଦିଆଗଲା।
\v 78 ଆଉ ଯର୍ଦ୍ଦନର ସେପାରି ଯିରୀହୋ ନିକଟରେ ଯର୍ଦ୍ଦନର ପୂର୍ବଦିଗରେ ରୁବେନ୍‍-ବଂଶଠାରୁ ତଳିଭୂମି ସହିତ ପ୍ରାନ୍ତରସ୍ଥ ବେତ୍‍ସର ଓ ତଳିଭୂମି ସହିତ ଯହସ୍‍
\v 79 ଓ ତଳିଭୂମି ସହିତ କଦେମୋତ୍‍ ଓ ତଳିଭୂମି ସହିତ ମେଫାତ୍‍;
\s5
\v 80 ଆଉ ଗାଦ୍‍ ବଂଶଠାରୁ ତଳିଭୂମି ସହିତ ଗିଲୀୟଦସ୍ଥ ରାମୋତ୍‍, ତଳିଭୂମି ସହିତ ମହନୟିମ,
\v 81 ତଳିଭୂମି ସହିତ ହିଷ୍‍ବୋନ ଓ ତଳିଭୂମି ସହିତ ଯାସେର ଦିଆଗଲା।
\s5
\c 7
\s ଇଷାଖରଙ୍କ ବଂଶଧର
\p
\v 1 ଇଷାଖରର ପୁତ୍ରଗଣ; ତୋଲୟ, ପୂୟା, ଯାଶୂବ ଓ ଶିମ୍ରୋଣ, ଚାରି ଜଣ ଥିଲେ।
\v 2 ଆଉ ତୋଲୟର ପୁତ୍ରଗଣ; ଉଷି, ରଫାୟ, ଯିରୀୟେଲ, ଯହମୟ, ଯିବ୍‍ସମ୍‍ ଓ ଶେମୂୟେଲ, ଏମାନେ ଆପଣା ପିତା ତୋଲୟ-ବଂଶର ପ୍ରଧାନ ଓ ଆପଣାର ସମକାଳୀନ ଲୋକମାନଙ୍କ ମଧ୍ୟରେ ମହାବିକ୍ରମଶାଳୀ ଥିଲେ; ଦାଉଦଙ୍କ ସମୟରେ ଏମାନଙ୍କ ସଂଖ୍ୟା ବାଇଶ ହଜାର ଛଅ ଶହ ଥିଲା।
\v 3 ଆଉ ଉଷିର ପୁତ୍ରଗଣ; ଯିଷ୍ରାହୀୟ, ଯିଷ୍ରାହୀୟର ପୁତ୍ର ମୀଖାୟେଲ, ଓବଦୀୟ, ଯୋୟେଲ ଓ ଯିଶୀୟ, ପାଞ୍ଚ ଜଣ। ଏସମସ୍ତେ ପ୍ରଧାନ ଲୋକ ଥିଲେ।
\s5
\v 4 ଆଉ ଏମାନଙ୍କ ବର୍ତ୍ତମାନ କାଳରେ ସ୍ୱ ସ୍ୱ ପିତୃବଂଶାନୁସାରେ ଏମାନଙ୍କ ସଙ୍ଗେ ଯୁଦ୍ଧାର୍ଥେ ଛତିଶ ହଜାର ସୈନ୍ୟଦଳ ଥିଲେ; କାରଣ ସେମାନଙ୍କର ଅନେକ ଭାର୍ଯ୍ୟା ଓ ସନ୍ତାନ ଥିଲେ।
\v 5 ଆଉ ଇଷାଖରର ସମସ୍ତ ଗୋଷ୍ଠୀ ମଧ୍ୟରେ ଏମାନଙ୍କ ଭ୍ରାତୃଗଣ ମହାବିକ୍ରମଶାଳୀ ଥିଲେ, ଏମାନେ ସର୍ବସୁଦ୍ଧା ବଂଶାବଳୀ କ୍ରମେ ଲିଖିତ ସତାଅଶୀ ହଜାର ଥିଲେ।
\s5
\v 6 ଆଉ ବିନ୍ୟାମୀନ୍‍ର ପୁତ୍ରଗଣ; ବେଲା ଓ ବେଖର ଓ ଯିଦୀୟେଲ, ତିନି ଜଣ।
\v 7 ଆଉ ବେଲାର ପୁତ୍ରଗଣ; ଇଷବୋନ୍‍, ଉଷି, ଉଷୀୟେଲ, ଯିରେମୋତ୍‍ ଓ ଈରୀ, ପାଞ୍ଚ ଜଣ; ଏମାନେ ପିତୃବଂଶର ପ୍ରଧାନ ଓ ମହାବିକ୍ରମଶାଳୀ ଲୋକ ଥିଲେ; ଆଉ ଏମାନେ ବଂଶାବଳୀକ୍ରମେ ଲିଖିତ ବାଇଶ ହଜାର ଚୌତ୍ରିଶ ଜଣ ଥିଲେ।
\s5
\v 8 ଆଉ ବେଖରର ପୁତ୍ରଗଣ; ସମୀର୍‍, ଯୋୟାଶ୍‍, ଇଲୀୟେଜର, ଇଲୀୟୋଐନୟ, ଅମ୍ରି, ଯେରେମୋତ୍‍, ଅବୀୟ, ଅନାଥୋତ୍‍ ଓ ଆଲେମତ୍‍। ଏ ସମସ୍ତେ ବେଖରର ସନ୍ତାନ।
\v 9 ଏମାନେ ଆପଣା ଆପଣା ବଂଶାନୁସାରେ ବଂଶାବଳୀକ୍ରମେ ଲିଖିତ ସ୍ୱ ସ୍ୱ ପିତୃବଂଶର ପ୍ରଧାନ ଓ ମହାବିକ୍ରମଶାଳୀ କୋଡ଼ିଏ ହଜାର ଦୁଇ ଶହ ଲୋକ ଥିଲେ।
\v 10 ଯିଦୀୟେଲର ପୁତ୍ର
\f +
\fr 7:10
\fq ପୁତ୍ର
\ft ଏବ୍ରୀ ଭାଷାରେ ପୁତ୍ରଗଣ
\f* ବିଲ୍‍ହନ୍‍ ଏବଂ ବିଲ୍‍ହନର ପୁତ୍ରଗଣ ଯିୟୂଶ୍‍, ବିନ୍ୟାମୀନ୍, ଏହୂଦ୍‍, କନାନା, ସେଥନ୍‍, ତର୍ଶୀଶ୍‍ ଓ ଅହୀଶହର;
\s5
\v 11 ଯିଦୀୟେଲର ଏହି ସମସ୍ତ ପୁତ୍ର ଆପଣା ଆପଣା ପିତୃବଂଶର ପ୍ରଧାନତାନୁସାରେ ଯୁଦ୍ଧାର୍ଥେ ସୈନ୍ୟ ମଧ୍ୟରେ ଗମନ-ସମର୍ଥ ସତର ହଜାର ଦୁଇ ଶହ ମହାବିକ୍ରମଶାଳୀ ଲୋକ ଥିଲେ।
\v 12 ଶୁପ୍‍ପୀମ୍‍ ମଧ୍ୟ ଓ ହୁପ୍‍ପୀମ୍‍, ଈର୍‍ର ସନ୍ତାନଗଣ, ହୂଶୀମ୍‍, ଅହେରର ସନ୍ତାନଗଣ।
\s ନପ୍ତାଲିଙ୍କ ବଂଶଧର
\p
\s5
\v 13 ନପ୍ତାଲିର ପୁତ୍ରଗଣ; ଯହସୀୟେଲ, ଗୂନି, ଯେତ୍ସର ଓ ଶଲ୍ଲୁମ୍‍, ଏମାନେ ବିଲ୍‌ହାର ବଂଶ।
\s ମନଃଶିଙ୍କ ବଂଶଧର
\p
\s5
\v 14 ମନଃଶିଙ୍କର ପୁତ୍ରଗଣ; ଅସ୍ରୀୟେଲ ଏବଂ ମାଖୀର, ମନଃଶିଙ୍କର ଅରାମୀୟା ଉପପତ୍ନୀଠାରୁ ଜନ୍ମ ନେଲେ; ଏହି ମାଖୀର ଗିଲୀୟଦର ପିତା ଥିଲେ |
\v 15 ଏହି ମାଖୀର ହୁପ୍‍ପୀମ୍‍ ଓ ଶୁପ୍‍ପୀମ୍‍ ସମ୍ବନ୍ଧୀୟା ଏକ ସ୍ତ୍ରୀକୁ ବିବାହ କଲା, ସେମାନଙ୍କ ଭଗିନୀର ନାମ ମାଖା ଥିଲା; ଆଉ ଦ୍ୱିତୀୟର ନାମ ସଲ୍‍ଫାଦ୍‍ ଓ ସଲଫାଦର କନ୍ୟାମାନେ ଥିଲେ।
\v 16 ଆଉ ମାଖୀରର ଭାର୍ଯ୍ୟା ମାଖା ଏକ ପୁତ୍ର ପ୍ରସବ କରି ତାହାର ନାମ ପେରଶ ଦେଲା ଓ ତାହାର ଭ୍ରାତାର ନାମ ଶେରଶ ଥିଲା; ପୁଣି, ପେରଶର ପୁତ୍ର ଉଲମ୍‍ ଓ ରେକମ୍‍।
\s5
\v 17 ଉଲମ୍‍ର ପୁତ୍ରଗଣ, ବଦାନ। ଏମାନେ ମନଃଶିର ପୌତ୍ର ମାଖୀରର ପୁତ୍ର ଗିଲୀୟଦର ସନ୍ତାନ।
\v 18 ଆଉ ତାହାର ଭଗିନୀ ହମ୍ମୋଲେକତ୍‍, ଇଶ୍‍ହୋଦ, ଅବୀୟେଷର ଓ ମହଲାକୁ ପ୍ରସବ କଲା।
\v 19 ଆଉ ଶମୀଦାର ପୁତ୍ର ଅହୀୟନ୍‍, ଶେଖମ୍‍, ଲିକ୍‍ହି ଓ ଅନୀୟାମ୍‍।
\s ଇଫ୍ରୟିମଙ୍କ ବଂଶଧର
\p
\s5
\v 20 ଇଫ୍ରୟିମର ପୁତ୍ର ଶୂଥେଲହ, ତାହାର ପୁତ୍ର ବେରଦ, ତାହାର ପୁତ୍ର ତହତ, ତାହାର ପୁତ୍ର ଇଲୀୟାଦା, ତାହାର ପୁତ୍ର ତହତ,
\v 21 ତାହାର ପୁତ୍ର ସାବଦ୍‍, ତାହାର ପୁତ୍ର ଶୂଥେଲହ, ଏସର୍‍ ଓ ଇଲୀୟଦ୍‍, ଏମାନଙ୍କୁ ଦେଶଜାତ ଗାଥୀୟ ଲୋକମାନେ ବଧ କଲେ, କାରଣ ସେମାନେ ସେମାନଙ୍କର ପଶୁ ହରଣ କରିବାକୁ ଓହ୍ଲାଇ ଆସିଥିଲେ।
\v 22 ଏହେତୁ ସେମାନଙ୍କ ପିତା ଇଫ୍ରୟିମ ଅନେକ ଦିନ ଶୋକ କଲା, ତେଣୁ ତାହାର ଭ୍ରାତୃଗଣ ତାହାକୁ ସାନ୍ତ୍ୱନା କରିବାକୁ ଆସିଲେ।
\s5
\v 23 ଏଥିଉତ୍ତାରେ ସେ ଆପଣା ଭାର୍ଯ୍ୟାର ସହବାସ କରନ୍ତେ, ସେ ଗର୍ଭବତୀ ହୋଇ ଏକ ପୁତ୍ର ପ୍ରସବ କଲା, ତହୁଁ ସେ ତାହାର ନାମ ବରୀୟ (ଅମଙ୍ଗଳ) ରଖିଲା, କାରଣ ତାହାର ଗୃହରେ ଅମଙ୍ଗଳ ଘଟିଲା।
\v 24 ଆଉ ଶୀରା ତାହାର କନ୍ୟା ଥିଲା, ସେ ଉଚ୍ଚ ଓ ନିମ୍ନ ବେଥ୍-ହୋରଣ ଓ ଉଷେନ୍‍-ଶୀରା ନାମରେ ଦୁଇଟି ନଗର ନିର୍ମାଣ କଲା।
\s5
\v 25 ତାହାର ପୁତ୍ର ରେଫହ ଓ ରେଶଫ୍‍, ତାହାର ପୁତ୍ର ତେଲହ, ତାହାର ପୁତ୍ର ତହନ;
\v 26 ତାହାର ପୁତ୍ର ଲାଦନ୍‍, ତାହାର ପୁତ୍ର ଅମ୍ମୀହୂଦ, ତାହାର ପୁତ୍ର ଇଲୀଶାମା;
\v 27 ତାହାର ପୁତ୍ର ନୂନ୍‍, ତାହାର ପୁତ୍ର ଯିହୋଶୂୟ।
\s5
\v 28 ଏମାନଙ୍କର ଅଧିକାର ଓ ନିବାସ-ସ୍ଥାନ ବେଥେଲ୍‍ ଓ ତହିଁର ସମସ୍ତ ଉପନଗର, ଆଉ ପୂର୍ବ ଦିଗରେ ନାରନ୍‍ ଓ ପଶ୍ଚିମ ଦିଗରେ ସମସ୍ତ ଉପନଗର ସହିତ ଗେଷର୍‍; ମଧ୍ୟ ସମସ୍ତ ଉପନଗର ସହିତ ଶିଖିମ, ସମସ୍ତ ଉପନଗର ସହିତ ଅୟା ପର୍ଯ୍ୟନ୍ତ ଥିଲା;
\v 29 ଆହୁରି ମନଃଶି-ସନ୍ତାନଗଣର ସୀମାପାର୍ଶ୍ୱସ୍ଥ ବେଥ୍-ଶାନ୍‍ ଓ ତହିଁର ଉପନଗରସବୁ, ତାନକ୍‍ ଓ ତହିଁର ଉପନଗରସବୁ, ମଗିଦ୍ଦୋ ଓ ତହିଁର ଉପନଗରସବୁ, ଦୋର ଓ ତହିଁର ଉପନଗରସବୁ ଥିଲା। ଏହି ସକଳ ସ୍ଥାନରେ ଇସ୍ରାଏଲର ପୁତ୍ର ଯୋଷେଫର ସନ୍ତାନମାନେ ବାସ କଲେ।
\s ଆଶେରଙ୍କ ବଂଶଧର
\p
\s5
\v 30 ଆଶେରର ସନ୍ତାନଗଣ; ଯିମ୍ନା, ଯିଶ୍‍ବା, ଯିଶ୍‍ବି, ବରୀୟ ଓ ସେମାନଙ୍କର ଭଗିନୀ ସେରହ।
\v 31 ବରୀୟର ପୁତ୍ର ହେବର ଓ ବିର୍ଷୋତର ପିତା ମଲ୍‍କୀୟେଲ।
\v 32 ପୁଣି, ହେବର, ଯଫ୍‍ଲେଟ୍‍, ଶୋମର, ହୋଥମ୍‍ ଓ ସେମାନଙ୍କ ଭଗିନୀ ଶୂୟାକୁ ଜାତ କଲା।
\s5
\v 33 ଯଫ୍‍ଲେଟ୍‍ର ପୁତ୍ର ପାସକ, ବିମ୍‍ହଲ୍‍ ଓ ଅଶ୍ୱତ୍‍। ଏମାନେ ଯଫ୍‍ଲେଟର ସନ୍ତାନ।
\v 34 ଆଉ ଶେମରର ପୁତ୍ର ଅହି, ରୋହଗ, ଯିହୁବ୍ବ ଓ ଅରାମ।
\v 35 ତାହାର ଭ୍ରାତା ହେଲମର ପୁତ୍ର ଶୋଫହ, ଯିମ୍ନ, ଶେଲଶ୍‍ ଓ ଆମଲ।
\s5
\v 36 ଶୋଫହର ପୁତ୍ର ସୂହ, ହର୍ଣ୍ଣେଫର୍‍, ଶୂୟାଲ, ବେରୀ ଓ ଯିମ୍ର;
\v 37 ବେତ୍‍ସର, ହୋଦ୍‍, ଶମ୍ମା, ଶିଲ୍‍ଶ, ଯିତ୍ରନ୍‍ ଓ ବେରା।
\v 38 ଯେଥରର ପୁତ୍ର ଯିଫୁନ୍ନି, ପିଷ୍ପ ଓ ଅରା।
\s5
\v 39 ଆଉ ଉଲ୍ଲର ପୁତ୍ର ଆରହ, ହନ୍ନୀୟେଲ ଓ ରିତ୍‍ସୀୟ।
\v 40 ଏସମସ୍ତେ ଆଶେରର ସନ୍ତାନ ଓ ଆପଣା ଆପଣା ପିତୃବଂଶର ପ୍ରଧାନ, ବଛା ଓ ମହାବିକ୍ରମଶାଳୀ ଓ ଅଧିପତିମାନଙ୍କ ମଧ୍ୟରେ ପ୍ରଧାନ ଥିଲେ। ଆଉ ଯୁଦ୍ଧକାର୍ଯ୍ୟ ନିମନ୍ତେ ବଂଶାବଳୀକ୍ରମେ ଲିଖିତ ସେମାନଙ୍କ ସଂଖ୍ୟା ଛବିଶ ହଜାର ଥିଲା।
\s5
\c 8
\s ବିନ୍ୟାମୀନ୍‍ଙ୍କ ବଂଶଧର
\p
\v 1 ବିନ୍ୟାମୀନ୍ ଆପଣା ଜ୍ୟେଷ୍ଠ ବେଲା, ଦ୍ୱିତୀୟ ଅସ୍‍ବେଲ ଓ ତୃତୀୟ ଅହର୍ହ;
\v 2 ଚତୁର୍ଥ ନୋହା, ପଞ୍ଚମ ରାଫାକୁ ଜାତ କଲା।
\v 3 ଆଉ ବେଲାର ଏହି ପୁତ୍ରମାନେ ଥିଲେ, ଅଦ୍ଦର, ଗେରା, ଅବୀହୂଦ,
\v 4 ଅବୀଶୂୟ, ନାମାନ୍‍, ଆହୋହ,
\v 5 ଗେରା, ଶଫୂଫନ୍‍ ଓ ହୂରମ୍‍।
\s5
\v 6 ଏହୂଦର ପୁତ୍ରଗଣ ଏହି; ଏମାନେ ଗେବା ନିବାସୀମାନଙ୍କ ପିତୃବଂଶର ପ୍ରଧାନ ଥିଲେ, ଏମାନେ ବନ୍ଦୀ ହୋଇ ମାନହତ୍‍କୁ ନିଆ ଯାଇଥିଲେ।
\v 7 ଆଉ ସେ ନାମାନ୍‍, ଅହୀୟ, ଗେରାକୁ ବନ୍ଦୀ କରି ନେଇଗଲା ଓ ସେ ଉଷ ଓ ଅହୀହୂଦ୍‍କୁ ଜାତ କଲା।
\s5
\v 8 ପୁଣି, ସେ ସେମାନଙ୍କୁ ବିଦାୟ କଲା ଉତ୍ତାରେ ଶହରୟିମ୍‍ ମୋୟାବ-ପଦାରେ ସନ୍ତାନମାନଙ୍କୁ ଜାତ କଲା; ହୂଶୀମ୍‍ ଓ ବାରା ତାହାର ଭାର୍ଯ୍ୟା ଥିଲେ।
\v 9 ପୁଣି, ସେ ଆପଣା ଭାର୍ଯ୍ୟା ହୋଦଶ୍‍ର ଗର୍ଭରେ ଯୋବବ୍‍, ସିବୀୟ, ମେଶା ଓ ମଲକମ୍‍,
\v 10 ଯିୟୂଶ, ଶଖୀୟ ଓ ମିର୍ମକୁ ଜାତ କଲା, ଏମାନେ ତାହାର ପୁତ୍ର ଓ ପିତୃବଂଶର ପ୍ରଧାନ ଥିଲେ।
\v 11 ଆଉ ସେ ହୂଶୀମ୍‍ ଗର୍ଭରେ ଆବୀଟୂବ ଓ ଇଲ୍‍ପାଲକୁ ଜାତ କଲା।
\s5
\v 12 ଆଉ ଇଲ୍‍ପାଲର ପୁତ୍ର ଏବର ଓ ମିଶୀୟମ୍‍, ପୁଣି, ସମସ୍ତ ଉପନଗର ସମେତ ଓନୋର ଓ ଲୋଦ୍‍ର ପତ୍ତନକାରୀ ଶେମଦ୍‍,
\v 13 ବରୀୟ ଓ ଶେମା, ଏମାନେ ଅୟାଲୋନ ନିବାସୀମାନଙ୍କର ପିତୃବଂଶର ପ୍ରଧାନ ଥିଲେ, ଆଉ ଏମାନେ ଗାଥ୍‍ ନିବାସୀମାନଙ୍କୁ ତଡ଼ି ଦେଇଥିଲେ।
\s5
\v 14 ପୁଣି, ଅହୀୟୋ, ଶାଶକ୍‍, ଯେରେମୋତ୍‍,
\v 15 ସବଦୀୟ, ଅରାଦ୍‍, ଏଦର,
\v 16 ମୀଖାୟେଲ, ଯିଶ୍ପା, ଯୋହା ବରୀୟର ପୁତ୍ର ଥିଲେ;
\v 17 ଆଉ ସବଦୀୟ, ମଶୁଲ୍ଲମ୍‍, ହିଷ୍‍କି, ହେବର,
\v 18 ଯିଷ୍ମରୟ, ଯିଷ୍‍ଲୀୟ ଓ ଯୋବବ୍‍ ଇଲ୍‍ପାଲର ପୁତ୍ର ଥିଲେ।
\s5
\v 19 ଆଉ ଶିମୀୟିର ପୁତ୍ର ଯାକୀମ୍‍, ସିଖ୍ରି, ସବ୍‍ଦି,
\v 20 ଇଲୀଐନୟ, ସିଲ୍ଲଥୟ, ଇଲୀୟେଲ୍‍,
\v 21 ଅଦାୟା, ବରାୟା ଓ ଶିମ୍ରତ୍‍;
\s5
\v 22 ଆଉ ଶାଶକ୍‍ର ପୁତ୍ର ଯିଶ୍ପନ୍‍, ଏବର, ଇଲୀୟେଲ୍‍,
\v 23 ଅବଦୋନ୍‍, ସିଖ୍ରି, ହାନନ୍‍,
\v 24 ହନାନୀୟ, ଏଲମ୍‍, ଅନ୍ତୋଥୀୟ,
\v 25 ଯିଫଦୀୟ ଓ ପନୂୟେଲ;
\s5
\v 26 ଆଉ, ଯିରୋହମର ସନ୍ତାନ ଶମ୍‍ଶରୟ, ଶହରୀୟ, ଅଥଲୀୟ,
\v 27 ଯାରିଶୀୟ, ଏଲୀୟ ଓ ସିଖ୍ରି;
\v 28 ଏମାନେ ପ୍ରଧାନ ଲୋକ, ଆପଣା ଆପଣାର ସମୁଦାୟ ବଂଶାବଳୀରେ ପିତୃବଂଶର ପ୍ରଧାନ ଥିଲେ; ଏମାନେ ଯିରୂଶାଲମରେ ବାସ କଲେ।
\s5
\v 29 ଆଉ ଗିବୀୟୋନ୍‍ର ପିତା ଯିୟେଲ ଗିବୀୟୋନ୍‍ରେ ବାସ କଲା, ତାହାର ଭାର୍ଯ୍ୟାର ନାମ ମାଖା।
\v 30 ତାହାର ପ୍ରଥମଜାତ ପୁତ୍ର ଅବ୍‍ଦୋନ୍‍, ତହୁଁ ସୂର୍‍, କୀଶ୍‍, ବାଲ୍‍, ନାଦବ୍‍,
\v 31 ଗଦୋର୍‍, ଅହୀୟୋ ଓ ସଖର;
\s5
\v 32 ପୁଣି, ମିକ୍ଲୋତ୍‍ ଶିମୀୟଙ୍କୁ ଜାତ କଲା। ଏମାନେ ମଧ୍ୟ ଆପଣା ଭ୍ରାତୃଗଣ ସମ୍ମୁଖରେ ଯିରୂଶାଲମରେ ଆପଣା ଭ୍ରାତୃଗଣ ସହିତ ବାସ କଲେ।
\v 33 ନେର୍‍ କୀଶ୍‍କୁ ଜାତ କଲା, କୀଶ୍‍ ଶାଉଲଙ୍କୁ ଜାତ କଲା, ଶାଉଲ ଯୋନାଥନ, ମଲ୍‍କୀଶୂୟ, ଅବୀନାଦବ ଓ ଇଶ୍‍ବାଲକୁ ଜାତ କଲେ।
\v 34 ପୁଣି, ମରୀବ୍ବାଲ୍‍ ଯୋନାଥନର ପୁତ୍ର ଥିଲା ଓ ମରୀବ୍ବାଲ ମୀଖାକୁ ଜାତ କଲା।
\s5
\v 35 ମୀଖାର ପୁତ୍ର ପିଥୋନ୍‍, ମେଲକ୍‍, ତରେୟ ଓ ଆହସ୍‌।
\v 36 ଆଉ, ଆହସ୍‌ ଯିହୋୟାଦାକୁ ଜାତ କଲା, ପୁଣି, ଯିହୋୟାଦା ଆଲେମତ୍‍, ଅସ୍ମାବତ୍‍, ସିମ୍ରିକୁ ଜାତ କଲା ଓ ସିମ୍ରି ମୋତ୍‍ସାକୁ ଜାତ କଲା।
\v 37 ମୋତ୍‍ସା ବିନୀୟାକୁ ଜାତ କଲା, ତାହାର ପୁତ୍ର ରାଫା, ତାହାର ପୁତ୍ର ଇଲୀୟାସା, ତାହାର ପୁତ୍ର ଆତ୍‍ସେଲ;
\s5
\v 38 ପୁଣି, ଆତ୍‍ସେଲର ଛଅ ପୁତ୍ର ଥିଲେ; ସେମାନଙ୍କର ନାମ ଏହି; ଅସ୍ରୀକାମ, ବୋଖରୁ, ଇଶ୍ମାୟେଲ, ଶିୟରୀୟ, ଓବଦୀୟ ଓ ହାନନ୍‍। ଏସମସ୍ତେ ଆତ୍‍ସେଲର ପୁତ୍ର।
\v 39 ଆଉ ତାହାର ଭ୍ରାତା ଏଶକର ପୁତ୍ରଗଣ; ତାହାର ଜ୍ୟେଷ୍ଠ ଊଲମ, ଦ୍ୱିତୀୟ ଯିୟୂଶ୍‍ ଓ ତୃତୀୟ ଇଲୀଫେଲଟ୍‍।
\v 40 ଊଲମର ପୁତ୍ରମାନେ ମହାବିକ୍ରମଶାଳୀ, ଧନୁର୍ଦ୍ଧର ଥିଲେ ଓ ସେମାନଙ୍କର ଅନେକ ପୁତ୍ର ଓ ପୌତ୍ର, ଏକ ଶହ ପଚାଶ ଜଣ ଥିଲେ। ଏସମସ୍ତେ ବିନ୍ୟାମୀନ୍‍ର ସନ୍ତାନ।
\s5
\c 9
\s ବାବିଲରୁ ମୁକ୍ତ ଲୋକଙ୍କ ବଂଶାବଳୀ
\p
\v 1 ଏହି ପ୍ରକାରେ ସମଗ୍ର ଇସ୍ରାଏଲ ବଂଶାବଳୀକ୍ରମେ ଲିଖିତ ହେଲେ; ଦେଖ, ତାହା ଇସ୍ରାଏଲ ରାଜାମାନଙ୍କ ପୁସ୍ତକରେ ଲିଖିତ ଅଛି; ଏଥିଉତ୍ତାରେ ଯିହୁଦା ଆପଣାମାନଙ୍କ ଅବିଶ୍ବସ୍ତତା ସକାଶୁ ବନ୍ଦୀ ହୋଇ ବାବିଲ୍‍କୁ ନୀତ ହେଲେ।
\v 2 ପୁଣି, ଇସ୍ରାଏଲ, ଯାଜକଗଣ, ଲେବୀୟମାନେ ଓ ନଥୀନୀୟମାନେ ସେମାନଙ୍କ ଅଧିକାରସ୍ଥ ନଗର ସମୂହରେ ପ୍ରଥମେ ବସତି କଲେ।
\v 3 ପୁଣି, ଯିହୁଦା-ସନ୍ତାନଗଣ ମଧ୍ୟରୁ, ବିନ୍ୟାମୀନ୍ ସନ୍ତାନଗଣ ମଧ୍ୟରୁ, ଇଫ୍ରୟିମ ଓ ମନଃଶି-ସନ୍ତାନଗଣ ମଧ୍ୟରୁ ଏମାନେ ଯିରୂଶାଲମରେ ବାସ କଲେ; ଯଥା,
\s5
\v 4 ଯିହୁଦାର ପୁତ୍ର ପେରସର ସନ୍ତାନଗଣ ମଧ୍ୟରୁ ବାନିର ବୃଦ୍ଧ ପ୍ରପୌତ୍ର ଇମ୍ରିର ପ୍ରପୌତ୍ର ଅମ୍ରିର ପୌତ୍ର ଅମ୍ମୀହୂଦର ପୁତ୍ର ଊଥୟ;
\v 5 ଆଉ ଶୀଲୋନୀୟମାନଙ୍କ ମଧ୍ୟରୁ ପ୍ରଥମଜାତ ଅସାୟ ଓ ତାହାର ସନ୍ତାନଗଣ।
\v 6 ଆଉ ସେରହର ସନ୍ତାନମାନଙ୍କ ମଧ୍ୟରୁ ଯୁୟେଲ ଓ ସେମାନଙ୍କ ଭ୍ରାତୃଗଣ, ଏମାନେ ଛଅ ଶହ ନବେ ଜଣ।
\s5
\v 7 ବିନ୍ୟାମୀନ୍-ସନ୍ତାନଗଣ ମଧ୍ୟରୁ ହସନୁୟେଲର ପ୍ରପୌତ୍ର ହୋଦବୀୟର ପୌତ୍ର ମଶୁଲ୍ଲମ୍‍ର ପୁତ୍ର ସଲ୍ଲୁ;
\v 8 ଆଉ ଯିରୋହମର ପୁତ୍ର ଯିବ୍‍ନୀୟ ଓ ମିଖ୍ରିର ପୌତ୍ର ଉଷିର ପୁତ୍ର ଏଲା, ଆଉ ଇଦ୍‍ନୀୟର ପ୍ରପୌତ୍ର ରୁୟେଲର ପୌତ୍ର ଶଫଟୀୟର ପୁତ୍ର ମଶୁଲ୍ଲମ୍‍;
\v 9 ଏମାନେ ଓ ଏମାନଙ୍କ ଭ୍ରାତୃଗଣ ଆପଣା ଆପଣା ବଂଶାବଳୀ ଅନୁସାରେ ନଅ ଶହ ଛପନ ଜଣ ଥିଲେ। ଏସମସ୍ତେ ଆପଣା ଆପଣା ପିତୃବଂଶାନୁସାରେ ପିତୃବଂଶର ପ୍ରଧାନ ଲୋକ ଥିଲେ।
\s5
\v 10 ଆଉ ଯାଜକମାନଙ୍କ ମଧ୍ୟରେ ଯିଦୟୀୟ, ଯିହୋୟାରୀବ୍‍, ଯାଖୀନ୍‍
\v 11 ଓ ପରମେଶ୍ୱରଙ୍କ ଗୃହର ଅଧ୍ୟକ୍ଷ ଅହୀଟୂବ୍‍ର ଅତି ବୃଦ୍ଧ ପ୍ରପୌତ୍ର ମରାୟୋତ୍‍ର ବୃଦ୍ଧ ପ୍ରପୌତ୍ର ସାଦୋକର ପ୍ରପୌତ୍ର ମଶୁଲ୍ଲମ୍‍ର ପୌତ୍ର ହିଲ୍‍କିୟର ପୁତ୍ର ଅସରୀୟ,
\s5
\v 12 ଆଉ ମଲ୍‍କୀୟର ପ୍ରପୌତ୍ର ପଶ୍‍ହୂରର ପୌତ୍ର ଯିରୋହମର ପୁତ୍ର ଅଦାୟା, ପୁଣି, ଇମ୍ମେରର ଅତି ବୃଦ୍ଧ ପ୍ରପୌତ୍ର ମଶିଲ୍ଲମୋରର ବୃଦ୍ଧ ପ୍ରପୌତ୍ର ମଶୁଲ୍ଲମ୍‍ର ପ୍ରପୌତ୍ର ଯହସେରାର ପୌତ୍ର ଅଦୀୟେଲର ପୁତ୍ର ମାସୟ;
\v 13 ଏମାନେ ଓ ଏମାନଙ୍କ ଭ୍ରାତୃଗଣ ଏକ ହଜାର ସାତ ଶହ ଷାଠିଏ ଜଣ; ଏମାନେ ଆପଣା ଆପଣା ପିତୃବଂଶର ପ୍ରଧାନ ଓ ପରମେଶ୍ୱରଙ୍କ ଗୃହର ସେବାକର୍ମରେ ଅତି ଦକ୍ଷ ଥିଲେ।
\s5
\v 14 ଆଉ ଲେବୀୟମାନଙ୍କ ମଧ୍ୟରେ ମରାରି-ବଂଶଜାତ ହଶବୀୟର ପ୍ରପୌତ୍ର ଅସ୍ରୀକାମର ପୌତ୍ର ହଶୂବର ପୁତ୍ର ଶମୟୀୟ;
\v 15 ଆଉ ବକ୍‍ବକର, ହେରଶ୍‍, ଗାଲଲ୍‍ ଓ ଆସଫର ପ୍ରପୌତ୍ର ସିଖ୍ରିର ପୌତ୍ର ମୀକାର ପୁତ୍ର ମତ୍ତନୀୟ
\v 16 ଓ ଯିଦୂଥୂନର ପ୍ରପୌତ୍ର ଗାଲଲ୍‍ର ପୌତ୍ର ଶମୟୀୟର ପୁତ୍ର ଓବଦୀୟ; ଆଉ ନଟୋଫାତୀୟମାନଙ୍କ ଗ୍ରାମବାସୀ ଇଲ୍‍କାନାର ପୌତ୍ର ଆସାର ପୁତ୍ର ବେରିଖୀୟ।
\s5
\v 17 ଆଉ ଦ୍ୱାରପାଳ, ଶଲ୍ଲୁମ୍‍, ଅକ୍‍କୂବ, ଟଲ୍‍ମୋନ, ଅହୀମାନ୍‍ ଓ ଏମାନଙ୍କ ଭ୍ରାତୃଗଣ; ଶଲ୍ଲୁମ୍‍ ପ୍ରଧାନ ଥିଲା।
\v 18 ଏମାନେ ଏପର୍ଯ୍ୟନ୍ତ ପୂର୍ବଦିଗସ୍ଥିତ ରାଜଦ୍ୱାରରେ ରହିଲେ; ଏମାନେ ଲେବୀ-ସନ୍ତାନମାନଙ୍କ ଛାଉଣିର ଦ୍ୱାରପାଳ।
\v 19 ଏହି ଶଲ୍ଲୁମ୍‍ କୋରହର ପ୍ରପୌତ୍ର ଅବୀୟାସଫର ପୌତ୍ର କୋରିର ପୁତ୍ର; ଏ ଓ ଏହାର ପିତୃବଂଶଜ କୋରହୀୟ ଭ୍ରାତୃଗଣ ସେବାକର୍ମରେ ନିଯୁକ୍ତ ଓ ତମ୍ବୁଦ୍ୱାରସବୁର ରକ୍ଷକ ଥିଲେ। ଏମାନଙ୍କ ପିତୃଲୋକମାନେ ସଦାପ୍ରଭୁଙ୍କ ଛାଉଣିରେ ନିଯୁକ୍ତ ଓ ପ୍ରବେଶ ସ୍ଥାନର ରକ୍ଷକ ଥିଲେ।
\s5
\v 20 ପୂର୍ବକାଳରେ ଇଲୀୟାସରର ପୁତ୍ର ପୀନହସ୍‍ ସେମାନଙ୍କର ଅଧ୍ୟକ୍ଷ ଥିଲା, ଆଉ ସଦାପ୍ରଭୁ ତାହାର ସହବର୍ତ୍ତୀ ଥିଲେ।
\v 21 ମଶେଲିମୀୟର ପୁତ୍ର ଜିଖରୀୟ ସମାଗମ-ତମ୍ବୁର ଦ୍ୱାରପାଳ।
\s5
\v 22 ଦ୍ୱାରପାଳର କାର୍ଯ୍ୟାର୍ଥେ ମନୋନୀତ ଏହି ଲୋକମାନେ ସର୍ବସୁଦ୍ଧା ଦୁଇ ଶହ ବାରଜଣ; ଏମାନଙ୍କ ଗ୍ରାମ ସମୂହରେ ଏମାନଙ୍କ ବଂଶାବଳୀ ଲିଖିତ ହୋଇଥିଲା, ଦାଉଦ ଓ ଶାମୁୟେଲ ଦର୍ଶକ ଏମାନଙ୍କୁ ଏମାନଙ୍କ ନିରୂପିତ କର୍ମରେ ନିଯୁକ୍ତ କରିଥିଲେ।
\v 23 ଏହେତୁ ଏମାନେ ଓ ଏମାନଙ୍କ ସନ୍ତାନଗଣ ସଦାପ୍ରଭୁଙ୍କ ଗୃହର, ଅର୍ଥାତ୍‍, ତମ୍ବୁଗୃହର ଦ୍ୱାରପାଳ-କର୍ମରେ ପ୍ରହରକୁ ପ୍ରହର ନିଯୁକ୍ତ ହେଲେ।
\v 24 ଏହି ଦ୍ୱାରପାଳମାନେ ପୂର୍ବ, ପଶ୍ଚିମ, ଉତ୍ତର ଓ ଦକ୍ଷିଣ ଚାରି ଦିଗରେ ରହିଲେ।
\s5
\v 25 ଆଉ ଏମାନଙ୍କ ଗ୍ରାମସ୍ଥ ଭ୍ରାତୃଗଣକୁ ପ୍ରତି ସପ୍ତାହରେ ସେମାନଙ୍କ ସଙ୍ଗେ ରହିବା ପାଇଁ ସମୟକୁ ସମୟ ଆସିବାକୁ ହେଲା;
\v 26 କାରଣ ଏହି ଲେବୀୟ ଚାରି ପ୍ରଧାନ ଦ୍ୱାରପାଳ ନିରୂପିତ କାର୍ଯ୍ୟରେ ନିଯୁକ୍ତ ଓ ପରମେଶ୍ୱରଙ୍କ ଗୃହର କୋଠରି ଓ ଭଣ୍ଡାର ସମୂହର ଅଧ୍ୟକ୍ଷ ଥିଲେ।
\v 27 ଆଉ ସେମାନେ ପରମେଶ୍ୱରଙ୍କ ଗୃହର ଚତୁର୍ଦ୍ଦିଗରେ ରାତ୍ରି କ୍ଷେପଣ କଲେ, କାରଣ ସେମାନଙ୍କ ଉପରେ ତହିଁର ରକ୍ଷାର ଭାର ଓ ପ୍ରତି ପ୍ରଭାତରେ ଦ୍ୱାର ଫିଟାଇବାର କାର୍ଯ୍ୟ ଥିଲା।
\s5
\v 28 ଆଉ ସେମାନଙ୍କର କେତେକ ଲୋକ ସେବାର୍ଥକ ପାତ୍ରସବୁ ରକ୍ଷା କରିବାକୁ ନିଯୁକ୍ତ ଥିଲେ; କାରଣ ସେହି ପାତ୍ରସବୁ ସଂଖ୍ୟାନୁସାରେ ଭିତରକୁ ଅଣାଗଲା ଓ ବାହାରକୁ ନିଆଗଲା।
\v 29 ମଧ୍ୟ ସେମାନଙ୍କର କେତେକ ଲୋକ ଆବାସର ସାମଗ୍ରୀ, ସକଳ ପାତ୍ର, ସରୁ ମଇଦା, ଦ୍ରାକ୍ଷାରସ, ତୈଳ, କୁନ୍ଦୁରୁ ଓ ଗନ୍ଧଦ୍ରବ୍ୟ ରକ୍ଷା କାର୍ଯ୍ୟରେ ନିଯୁକ୍ତ ଥିଲେ।
\s5
\v 30 ଆଉ ଯାଜକମାନଙ୍କ ସନ୍ତାନଗଣ ମଧ୍ୟରୁ କେତେକ ଜଣ ସୁଗନ୍ଧିଦ୍ରବ୍ୟର ତୈଳ ପ୍ରସ୍ତୁତ କଲେ।
\v 31 ଆଉ ଲେବୀୟମାନଙ୍କ ମଧ୍ୟରୁ କୋରହୀୟ ଶଲ୍ଲୁମ୍‍ର ଜ୍ୟେଷ୍ଠ ପୁତ୍ର ମତ୍ତଥୀୟ ପକ୍ୱାନ୍ନ-ତତ୍ତ୍ୱାବଧାରଣର ନିରୂପିତ କର୍ମରେ ନିଯୁକ୍ତ ଥିଲା।
\v 32 ଆଉ ସେମାନଙ୍କ ଭ୍ରାତୃଗଣ କହାତୀୟ-ସନ୍ତାନଗଣ ମଧ୍ୟରୁ କେତେକ ଜଣ ପ୍ରତି ବିଶ୍ରାମବାର ଦର୍ଶନୀୟ ରୁଟି ପ୍ରସ୍ତୁତ କରିବା ପାଇଁ ନିଯୁକ୍ତ ଥିଲେ।
\s5
\v 33 ପୁଣି, ଲେବୀୟମାନଙ୍କ ପିତୃବଂଶର ପ୍ରଧାନ ଯେଉଁ ଗାୟକମାନେ, ସେମାନେ କୋଠରିରେ ବାସ କଲେ ଓ ଅନ୍ୟ ସେବାରୁ ମୁକ୍ତ ଥିଲେ; କାରଣ ସେମାନଙ୍କୁ ଦିବାରାତ୍ରି ଆପଣା ଆପଣା କାର୍ଯ୍ୟରେ ନିଯୁକ୍ତ ରହିବାକୁ ହେଲା।
\v 34 ଏମାନେ ପ୍ରଧାନ ଲୋକ, ଆପଣା ଆପଣାର ସମୁଦାୟ ବଂଶାବଳୀରେ ଲେବୀୟମାନଙ୍କର ପିତୃବଂଶର ପ୍ରଧାନ ଥିଲେ; ଏମାନେ ଯିରୂଶାଲମରେ ବାସ କଲେ।
\s ରାଜା ଶାଉଲଙ୍କ ପୂର୍ବପୁରୁଷ ଓ ପରବର୍ତ୍ତୀ ବଂଶଧର
\p
\s5
\v 35 ଆଉ ଗିବୀୟୋନ୍‍ର ପିତା ଯିୟୀୟେଲ୍‍ ଗିବୀୟୋନ୍‍ରେ ବାସ କଲା, ତାହାର ଭାର୍ଯ୍ୟାର ନାମ ମାଖା;
\v 36 ତାହାର ପ୍ରଥମଜାତ ପୁତ୍ର ଅବ୍‍ଦୋନ୍‍, ତହୁଁ ସୂର୍‍, କୀଶ୍‍, ବାଲ୍‍, ନେର୍‍, ନାଦବ୍‍,
\v 37 ଗଦୋର୍‍, ଅହୀୟୋ, ଜିଖରୀୟ ଓ ମିକ୍ଲୋତ୍‍।
\s5
\v 38 ମିକ୍ଲୋତ୍‍ ଶିମୀୟାମକୁ ଜାତ କଲା। ଏମାନେ ମଧ୍ୟ ଆପଣା ଭ୍ରାତୃଗଣ ସମ୍ମୁଖରେ ଯିରୂଶାଲମରେ ଆପଣା ଭ୍ରାତୃଗଣ ସହିତ ବାସ କଲେ।
\v 39 ନେର୍‍ କୀଶ୍‍କୁ ଜାତ କଲା, କୀଶ୍‍ ଶାଉଲଙ୍କୁ ଜାତ କଲା, ଶାଉଲ ଯୋନାଥନ୍‍, ମଲ୍‍କୀଶୂୟ, ଅବୀନାଦବ ଓ ଇଶ୍‍ବାଲକୁ ଜାତ କଲେ।
\v 40 ପୁଣି, ମରୀବ୍ବାଲ୍‍ ଯୋନାଥନର ପୁତ୍ର ଥିଲା ଓ ମରୀବ୍ବାଲ୍‍ ମୀଖାକୁ ଜାତ କଲା।
\s5
\v 41 ମୀଖାର ପୁତ୍ର ପିଥୋନ୍‍, ମେଲକ୍‍, ତହରେୟ ଓ ଆହସ୍‍।
\v 42 ଆହସ୍‌ ଯାରହକୁ ଜାତ କଲା, ଯାରହ ଆଲେମତ୍‍, ଅସ୍ମାବତ୍‍ ଓ ସିମ୍ରିକୁ ଜାତ କଲା; ସିମ୍ରି ମୋତ୍‍ସାକୁ ଜାତ କଲା
\v 43 ଓ ମୋତ୍‍ସା ବିନୀୟାକୁ ଜାତ କଲା; ବିନୀୟାର ପୁତ୍ର ରଫାୟ, ତାହାର ପୁତ୍ର ଇଲୀୟାସା, ତାହାର ପୁତ୍ର ଆତ୍‍ସେଲ।
\v 44 ଆଉ ଆତ୍‍ସେଲର ଛଅ ପୁତ୍ର ଥିଲେ, ସେମାନଙ୍କ ନାମ ଏହି, ଅସ୍ରୀକାମ, ବୋଖରୁ, ଇଶ୍ମାୟେଲ, ଶିୟରୀୟ, ଓବଦୀୟ ଓ ହାନନ୍‍; ଏସମସ୍ତେ ଆତ୍‍ସେଲ୍‍ର ସନ୍ତାନ।
\s5
\c 10
\s ରାଜା ଶାଉଲଙ୍କ ମୃତ୍ୟୁୁ
\p
\v 1 ଏଥି ମଧ୍ୟରେ ପଲେଷ୍ଟୀୟମାନେ ଇସ୍ରାଏଲ ବିରୁଦ୍ଧରେ ଯୁଦ୍ଧ କଲେ; ପୁଣି, ଇସ୍ରାଏଲ ଲୋକମାନେ ପଲେଷ୍ଟୀୟମାନଙ୍କ ସମ୍ମୁଖରୁ ପଳାଇ ଗିଲ୍‍ବୋୟ ପର୍ବତରେ ହତ ହୋଇ ପଡ଼ିଲେ।
\v 2 ଆଉ ପଲେଷ୍ଟୀୟମାନେ ଶାଉଲ ଓ ତାଙ୍କ ପୁତ୍ରମାନଙ୍କ ପଛେ ପଛେ ଲାଗି ଗୋଡ଼ାଇଲେ ଓ ପଲେଷ୍ଟୀୟମାନେ ଶାଉଲଙ୍କର ପୁତ୍ର ଯୋନାଥନକୁ, ଅବୀନାଦବକୁ ଓ ମଲ୍‍କୀଶୂୟକୁ ବଧ କଲେ।
\v 3 ଏହିରୂପେ ଶାଉଲଙ୍କ ସଙ୍ଗେ ଭାରୀ ଯୁଦ୍ଧ ହେଲା ଓ ଧନୁର୍ଦ୍ଧରମାନେ ତାଙ୍କୁ ଧରିଲେ; ଆଉ ଧନୁର୍ଦ୍ଧରମାନଙ୍କ ସକାଶୁ ସେ ଆହତ ହେଲେ।
\s5
\v 4 ତହିଁରେ ଶାଉଲ ଆପଣା ଅସ୍ତ୍ରବାହକକୁ କହିଲେ, ତୁମ୍ଭ ଖଡ୍ଗ ବାହାର କରି ତହିଁରେ ମୋତେ ଭୁସି ପକାଅ; କେଜାଣି ଏହି ଅସୁନ୍ନତମାନେ ଆସି ମୋତେ କୌତୁକ କରିବେ। ମାତ୍ର ତାଙ୍କର ଅସ୍ତ୍ରବାହକ ଅତିଶୟ ଭୀତ ହେବାରୁ ସମ୍ମତ ହେଲା ନାହିଁ। ଏହେତୁ ଶାଉଲ ଖଡ୍ଗ ନେଇ ଆପେ ତହିଁ ଉପରେ ପଡ଼ିଲେ।
\s5
\v 5 ତହିଁରେ ଶାଉଲ ମରିଅଛନ୍ତି, ଏହା ଦେଖି ତାଙ୍କର ଅସ୍ତ୍ରବାହକ ସେହିପରି ଆପଣା ଖଡ୍ଗ ଉପରେ ପଡ଼ି ମଲା।
\v 6 ଏହିରୂପେ ଶାଉଲ ଓ ତାଙ୍କର ତିନି ପୁତ୍ର ଓ ତାଙ୍କର ସମସ୍ତ ପରିଜନ ଏକାସଙ୍ଗେ ମଲେ।
\s5
\v 7 ଏଉତ୍ତାରେ ଇସ୍ରାଏଲ ଲୋକମାନେ ପଳାଇଲେ, ଆଉ ଶାଉଲ ଓ ତାଙ୍କର ପୁତ୍ରମାନେ ମଲେ, ଏହା ଦେଖି ତଳଭୂମିସ୍ଥ ସମସ୍ତ ଇସ୍ରାଏଲ ଲୋକ ଆପଣାମାନଙ୍କ ନଗରସବୁ ପରିତ୍ୟାଗ କରି ପଳାଇଲେ; ତହୁଁ ପଲେଷ୍ଟୀୟମାନେ ଆସି ତହିଁ ମଧ୍ୟରେ ବାସ କଲେ।
\v 8 ଏଥିଉତ୍ତାରେ ପର-ଦିବସ ପଲେଷ୍ଟୀୟମାନେ ହତ ଲୋକମାନଙ୍କ ସଜ୍ଜାଦି ଫିଟାଇ ନେବା ପାଇଁ ଆସନ୍ତେ, ସେମାନେ ଶାଉଲଙ୍କୁ ଓ ତାଙ୍କର ପୁତ୍ରମାନଙ୍କୁ ଗିଲ୍‍ବୋୟ ପର୍ବତରେ ପଡ଼ିଥିବାର
\f +
\fr 10:8
\ft ଅର୍ଥାତ୍ ମୃତ୍ୟୁ
\f* ଦେଖିଲେ।
\s5
\v 9 ତହୁଁ ସେମାନେ ତାଙ୍କର ସଜ୍ଜା ଫିଟାଇ ତାଙ୍କର ମସ୍ତକ ଓ ସଜ୍ଜା ନେଇ ଆପଣାମାନଙ୍କ ଦେବ-ପ୍ରତିମାଗଣର ଗୃହକୁ ଓ ଲୋକମାନଙ୍କ ନିକଟକୁ ସମ୍ବାଦ ଦେବା ପାଇଁ ପଲେଷ୍ଟୀୟମାନଙ୍କ ଦେଶର ଚାରିଆଡ଼େ ପଠାଇଲେ।
\v 10 ପୁଣି, ସେମାନେ ତାଙ୍କର ସଜ୍ଜା ଆପଣାମାନଙ୍କ ଦେବ ମନ୍ଦିରରେ ରଖିଲେ ଓ ତାଙ୍କର ମସ୍ତକକୁ ଦାଗୋନ୍‍ ମନ୍ଦିରରେ ଟାଙ୍ଗି ଦେଲେ।
\s5
\v 11 ଏଉତ୍ତାରେ ଯାବେଶ୍‍-ଗିଲୀୟଦୀୟ ସମସ୍ତେ ଶାଉଲଙ୍କ ପ୍ରତି ପଲେଷ୍ଟୀୟମାନଙ୍କ କୃତ ସକଳ କର୍ମର ସମ୍ବାଦ ପାଆନ୍ତେ,
\v 12 ସମସ୍ତ ବିକ୍ରମଶାଳୀ ଲୋକ ଉଠି ଶାଉଲଙ୍କର ଶରୀର ଓ ତାଙ୍କର ପୁତ୍ରମାନଙ୍କ ଶରୀର ଯାବେଶ୍‍କୁ ନେଇ ଆସିଲେ ଓ ଯାବେଶ୍‍ସ୍ଥ ଅଲୋନ ବୃକ୍ଷ ମୂଳେ ସେମାନଙ୍କର ଅସ୍ଥି ପୋତି ସାତ ଦିନ ଉପବାସ କଲେ।
\s5
\v 13 ଏହିରୂପେ ଶାଉଲ ସଦାପ୍ରଭୁଙ୍କ ବିରୁଦ୍ଧରେ କୃତ ଆପଣା ଅବିଶ୍ବସ୍ତତା ସକାଶୁ ମଲେ, କାରଣ ସେ ସଦାପ୍ରଭୁଙ୍କ ଆଜ୍ଞା ପାଳନ କଲେ ନାହିଁ; ମଧ୍ୟ ସେ ଭୂତୁଡ଼ିଆଠାରୁ ମନ୍ତ୍ରଣା ମାଗି ସଦାପ୍ରଭୁଙ୍କୁ ପଚାରିଲେ ନାହିଁ।
\v 14 ଏହେତୁ ସେ ତାଙ୍କୁ ବଧ କଲେ ଓ ଯିଶୀର ପୁତ୍ର ଦାଉଦଙ୍କୁ ରାଜ୍ୟ ଦେଲେ।
\s5
\c 11
\s ଦାଉଦ ରାଜା ରୂପେ ଅଭିଷିକ୍ତ
\p
\v 1 ଏଥିଉତ୍ତାରେ ସମୁଦାୟ ଇସ୍ରାଏଲ ହିବ୍ରୋଣରେ ଦାଉଦଙ୍କ ନିକଟରେ ଏକତ୍ର ହୋଇ କହିଲେ, ଦେଖ, ଆମ୍ଭେମାନେ ତୁମ୍ଭର ଅସ୍ଥି ଓ ତୁମ୍ଭର ମାଂସ।
\v 2 ଗତ ଦିନରେ ଶାଉଲ ରାଜା ଥିଲା ବେଳେ ତୁମ୍ଭେ ଇସ୍ରାଏଲକୁ ବାହାରେ ଓ ଭିତରେ ଗମନାଗମନ କରାଉଥିଲ; ପୁଣି, ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ କହିଅଛନ୍ତି, ତୁମ୍ଭେ ଆମ୍ଭ ଇସ୍ରାଏଲ-ଲୋକଙ୍କୁ ପାଳନ କରିବ ଓ ତୁମ୍ଭେ ଆମ୍ଭ ଇସ୍ରାଏଲ-ଲୋକଙ୍କର ଅଗ୍ରଣୀ ହେବ।
\v 3 ଏହିରୂପେ ଇସ୍ରାଏଲର ସମସ୍ତ ପ୍ରାଚୀନ ହିବ୍ରୋଣକୁ ରାଜାଙ୍କ ନିକଟକୁ ଆସିଲେ; ତହିଁରେ ଦାଉଦ ହିବ୍ରୋଣରେ ସଦାପ୍ରଭୁଙ୍କ ସମ୍ମୁଖରେ ସେମାନଙ୍କ ସଙ୍ଗେ ନିୟମ କଲେ; ପୁଣି, ଶାମୁୟେଲଙ୍କ ହସ୍ତରେ ସଦାପ୍ରଭୁଙ୍କ କଥିତ ବାକ୍ୟାନୁସାରେ ସେମାନେ ଇସ୍ରାଏଲ ଉପରେ ଦାଉଦଙ୍କୁ ରାଜାଭିଷିକ୍ତ କଲେ।
\s5
\v 4 ଏଥିଉତ୍ତାରେ ଦାଉଦ ଓ ସମଗ୍ର ଇସ୍ରାଏଲ ଯିରୂଶାଲମକୁ, ଅର୍ଥାତ୍‍, ଯିବୂଷକୁ ଗଲେ; ସେହି ସମୟରେ ଦେଶ ନିବାସୀ ଯିବୂଷୀୟମାନେ ସେଠାରେ ଥିଲେ।
\v 5 ତହିଁରେ ଯିବୂଷ ନିବାସୀମାନେ ଦାଉଦଙ୍କୁ କହିଲେ, ତୁମ୍ଭେ ଏହି ସ୍ଥାନକୁ ଆସି ପାରିବ ନାହିଁ। ତଥାପି ଦାଉଦ ସିୟୋନର ଦୃଢ଼ ଗଡ଼ ହସ୍ତଗତ କଲେ; ତାହା ଦାଉଦ ନଗର ହେଲା।
\v 6 ଆଉ ଦାଉଦ କହିଲେ, ଯେକେହି ପ୍ରଥମେ ଯିବୂଷୀୟମାନଙ୍କୁ ଆଘାତ କରିବ, ସେ ପ୍ରଧାନ ଓ ସେନାପତି ହେବ। ତହିଁରେ ସରୁୟାର ପୁତ୍ର ଯୋୟାବ ପ୍ରଥମେ ଗଲା ଓ ପ୍ରଧାନ କରାଗଲା।
\s5
\v 7 ପୁଣି, ଦାଉଦ ସେହି ଦୃଢ଼ ଗଡ଼ରେ ବାସ କଲେ; ଏହେତୁ ଲୋକମାନେ ତାକୁ ଦାଉଦ-ନଗର ନାମ ଦେଲେ।
\v 8 ଆଉ ଦାଉଦ ଚତୁର୍ଦ୍ଦିଗରେ, ଅର୍ଥାତ୍‍, ମିଲ୍ଲୋଠାରୁ ଚତୁର୍ଦ୍ଦିଗରେ ନଗର ନିର୍ମାଣ କଲେ; ପୁଣି, ଯୋୟାବ ନଗରର ଅବଶିଷ୍ଟ ସ୍ଥାନ ପୁନଃନିର୍ମାଣ କଲେ।
\v 9 ତହୁଁ ଦାଉଦ ଆହୁରି ଆହୁରି ମହାନ ହେଲେ; କାରଣ ସୈନ୍ୟାଧିପତି ସଦାପ୍ରଭୁ ତାହାଙ୍କ ସହ ଥିଲେ।
\s ଦାଉଦଙ୍କ ପ୍ରଧାନ ବୀର
\p
\s5
\v 10 ଇସ୍ରାଏଲ ବିଷୟରେ ସଦାପ୍ରଭୁଙ୍କ ବାକ୍ୟାନୁସାରେ ଦାଉଦଙ୍କୁ ରାଜା କରିବା ପାଇଁ ସମଗ୍ର ଇସ୍ରାଏଲ ସହିତ ଯେଉଁମାନେ ତାଙ୍କ ରାଜ୍ୟରେ ତାଙ୍କ ସଙ୍ଗେ ଆପଣାମାନଙ୍କୁ ବଳବାନ ଦେଖାଇଥିଲେ, ଦାଉଦଙ୍କର ସେହି ବୀରମାନଙ୍କ ମଧ୍ୟରେ ଏମାନେ ପ୍ରଧାନ।
\v 11 ଦାଉଦଙ୍କର ବୀରମାନଙ୍କ ସଂଖ୍ୟା; ଜଣେ ହକ୍‍ମୋନୀୟର ପୁତ୍ର ଯାଶ୍‍ବୀୟାମ୍‍ ତିରିଶ ଜଣଙ୍କ ମଧ୍ୟରେ ପ୍ରଧାନ ଥିଲା; ସେ ତିନି ଶହ ଲୋକ ଉପରେ ଆପଣା ବର୍ଚ୍ଛା ଚଳାଇ ଏକା ବେଳେ ସେମାନଙ୍କୁ ବଧ କରିଥିଲା।
\s5
\v 12 ପୁଣି, ତାହା ଉତ୍ତାରେ ଅହୋହୀୟ ଦୋଦୟର ପୁତ୍ର ଇଲୀୟାସର, ସେ ତିନି ବୀରଙ୍କ ମଧ୍ୟରେ ପ୍ରଧାନ ଥିଲା।
\v 13 ସେ ପଶଦମ୍ମୀମରେ ଦାଉଦଙ୍କ ସଙ୍ଗରେ ଥିଲା, ସେଠାରେ ପଲେଷ୍ଟୀୟମାନେ ଯୁଦ୍ଧାର୍ଥେ ଏକତ୍ର ହୋଇଥିଲେ, ସେଠାରେ ଯବପୂର୍ଣ୍ଣ ଖଣ୍ଡେ ଭୂମି ଥିଲା; ଆଉ ଲୋକମାନେ ପଲେଷ୍ଟୀୟମାନଙ୍କ ସମ୍ମୁଖରୁ ପଳାଉଥିଲେ;
\v 14 ଏଥିରେ ସେମାନେ ସେହି ଭୂମିଖଣ୍ଡ ମଧ୍ୟରେ ଠିଆ ହୋଇ ତାହା ରକ୍ଷା କଲେ ଓ ପଲେଷ୍ଟୀୟମାନଙ୍କୁ ବଧ କଲେ; ପୁଣି, ସଦାପ୍ରଭୁ ମହାଜୟ ଦ୍ୱାରା ସେମାନଙ୍କୁ ଉଦ୍ଧାର କଲେ।
\s5
\v 15 ଆଉ ତିରିଶ ଜଣ ପ୍ରଧାନଙ୍କ ମଧ୍ୟରୁ ତିନି ଜଣ ଶୈଳକୁ, ଅର୍ଥାତ୍‍, ଅଦୁଲ୍ଲମ ଗୁମ୍ଫାକୁ ଦାଉଦଙ୍କ ନିକଟକୁ ଗଲେ। ସେତେବେଳେ ପଲେଷ୍ଟୀୟ ସୈନ୍ୟ ରଫାୟୀମ ଉପତ୍ୟକାରେ ଛାଉଣି ସ୍ଥାପନ କରିଥିଲେ।
\v 16 ପୁଣି, ସେସମୟରେ ଦାଉଦ ଦୁର୍ଗମ ସ୍ଥାନରେ ଥିଲେ ଓ ପଲେଷ୍ଟୀୟମାନଙ୍କର ପ୍ରହରୀ-ସୈନ୍ୟଦଳ ବେଥଲିହିମରେ ଥିଲେ।
\v 17 ଏଥିରେ ଦାଉଦ ତୃଷାର୍ତ୍ତ ହୋଇ କହିଲେ, “ଆଃ, କେହି ବେଥଲିହିମ-ନଗରଦ୍ୱାର-ନିକଟସ୍ଥ କୂପର ଜଳ ପାନ କରିବାକୁ ମୋତେ ଦିଅନ୍ତା କି !”
\s5
\v 18 ତହିଁରେ ସେହି ତିନି ବୀର ପଲେଷ୍ଟୀୟମାନଙ୍କ ସୈନ୍ୟ ମଧ୍ୟଦେଇ ପଶିଯାଇ ବେଥଲିହିମ-ନଗରଦ୍ୱାର-ନିକଟସ୍ଥ କୂପରୁ ଜଳ କାଢ଼ି ଦାଉଦଙ୍କ ନିକଟକୁ ତାହା ଆଣିଲେ; ମାତ୍ର ଦାଉଦ ତହିଁରୁ ପାନ କରିବାକୁ ସମ୍ମତ ନ ହୋଇ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତାହା ଢାଳିଦେଲେ, ଆଉ କହିଲେ,
\v 19 “ମୋ’ ପରମେଶ୍ୱର ଏପରି କର୍ମ କରିବାକୁ ମୋତେ ନ ଦେଉନ୍ତୁ; ପ୍ରାଣପଣରେ ଗମନକାରୀ ଏହି ମନୁଷ୍ୟମାନଙ୍କ ରକ୍ତ କି ମୁଁ ପାନ କରିବି ? କାରଣ ସେମାନେ ପ୍ରାଣପଣରେ ତାହା ଆଣିଅଛନ୍ତି।” ଏଣୁ ସେ ତାହା ପାନ କରିବାକୁ ସମ୍ମତ ହେଲେ ନାହିଁ। ଏହି ସକଳ କର୍ମ ସେହି ତିନି ବୀର କରିଥିଲେ।
\s5
\v 20 ସେହି ତିନି ଜଣଙ୍କ ମଧ୍ୟରେ ଯୋୟାବର ଭ୍ରାତା ଅବୀଶୟ ପ୍ରଧାନ ଥିଲା; କାରଣ ସେ ତିନି ଶହ ଲୋକ ବିରୁଦ୍ଧରେ ଆପଣା ବର୍ଚ୍ଛା ଉଠାଇ ସେମାନଙ୍କୁ ବଧ କରିଥିଲା; ଏଣୁ ସେ ଏହି ତିନିଙ୍କ ମଧ୍ୟରେ ନାମ ପାଇଲା।
\v 21 ଏହି ତିନିଙ୍କ ମଧ୍ୟରେ ସେ ଦୁଇ ଜଣଙ୍କ ଅପେକ୍ଷା ଅଧିକ ମର୍ଯ୍ୟାଦାପନ୍ନ ଥିଲା ଓ ସେମାନଙ୍କର ସେନାପତି ହେଲା; ତଥାପି ସେ ପ୍ରଥମ ତିନି ଜଣଙ୍କ ତୁଲ୍ୟ ନ ଥିଲା।
\s5
\v 22 ପରାକ୍ରାନ୍ତ କର୍ମକାରୀ କବ୍‍ସେଲୀୟ ଏକ ବିକ୍ରମୀ ପୁରୁଷର ପୌତ୍ର ଯିହୋୟାଦାର ପୁତ୍ର ଯେ ବନାୟ, ସେ ମୋୟାବୀୟ ଅରୀୟେଲର ଦୁଇ ପୁତ୍ରଙ୍କୁ ବଧ କଲା; ମଧ୍ୟ ସେ ହିମପାତ ସମୟରେ ଯାଇ ଗର୍ତ୍ତ ମଧ୍ୟରେ ଏକ ସିଂହକୁ ବଧ କଲା।
\v 23 ଆହୁରି ସେ ପାଞ୍ଚ ହାତ ଦୀର୍ଘ ବୃହତ୍‍କାୟ ଏକ ମିସ୍ରୀୟ ପୁରୁଷକୁ ବଧ କଲା; ସେହି ମିସ୍ରୀୟ ହସ୍ତରେ ତନ୍ତୀର ନରାଜ ତୁଲ୍ୟ ଏକ ବର୍ଚ୍ଛା ଥିଲା; ପୁଣି, ବନାୟ ଏକ ଯଷ୍ଟି ନେଇ ଯାଇ ସେହି ମିସ୍ରୀୟର ହସ୍ତରୁ ବର୍ଚ୍ଛା ଛଡ଼ାଇ ତାହାରି ବର୍ଚ୍ଛାରେ ତାହାକୁ ବଧ କଲା।
\s5
\v 24 ଯିହୋୟାଦାର ପୁତ୍ର ବନାୟ ଏହିସବୁ କର୍ମ କଲା, ଏଣୁ ସେ ଏହି ତିନି ବୀରଙ୍କ ମଧ୍ୟରେ ନାମ ପାଇଲା।
\v 25 ଦେଖ, ସେ ତିରିଶ ଜଣଙ୍କ ଅପେକ୍ଷା ଅଧିକ ମର୍ଯ୍ୟାଦାପନ୍ନ ଥିଲା, ତଥାପି ସେ ପ୍ରଥମ ତିନି ଜଣଙ୍କ ତୁଲ୍ୟ ନ ଥିଲା; ଆଉ ଦାଉଦ ତାହାକୁ ଆପଣା ପ୍ରହରୀ-ଦଳ ଉପରେ ନିଯୁକ୍ତ କଲେ।
\s5
\v 26 ଆହୁରି ସୈନ୍ୟ ମଧ୍ୟରେ ଏହି ବୀରମାନେ ଥିଲେ; ଯଥା, ଯୋୟାବର ଭ୍ରାତା ଅସାହେଲ, ବେଥଲିହିମସ୍ଥ ଦୋଦୟର ପୁତ୍ର ଇଲ୍‍ହାନନ୍‍;
\v 27 ହରୋରୀୟ ଶମ୍ମୋତ୍‍, ପଲୋନୀୟ ହେଲସ୍‍,
\v 28 ତକୋୟୀୟ ଇକ୍‍କେଶର ପୁତ୍ର ଈରା, ଅନାଥୋତୀୟ ଅବୀୟେଷର;
\v 29 ହୂଶାତୀୟ ସିବ୍ବଖୟ, ଅହୋହୀୟ ଈଲୟ;
\s5
\v 30 ନଟୋଫାତୀୟ ମହରୟ, ନଟୋଫାତୀୟ ବାନାର ପୁତ୍ର ହେଲଦ୍‍;
\v 31 ବିନ୍ୟାମୀନ୍-ସନ୍ତାନଗଣର ଗିବୀୟା ନିବାସୀ ରୀବୟର ପୁତ୍ର ଇତ୍ତୟ, ପିରୀୟାଥୋନୀୟ ବନାୟ;
\v 32 ଗାଶ୍‍ ନଦୀ ତୀର ନିବାସୀ ହୂରୟ, ଅର୍ବତୀୟ ଅବୀୟେଲ;
\v 33 ବାହାରୁମୀୟ ଅସ୍ମାବତ୍‍, ଶାଲ୍‍ବୋନୀୟ ଇଲୀୟହବା;
\s5
\v 34 ଗିଷୋନୀୟ ହାଷେମ୍‍ର ପୁତ୍ରଗଣ, ହରାରୀୟ ଶାଗିର ପୁତ୍ର ଯୋନାଥନ;
\v 35 ହରାରୀୟ ସାଖରର ପୁତ୍ର ଅହୀୟାମ, ଊରର ପୁତ୍ର ଇଲୀଫାଲ;
\v 36 ମଖେରାତୀୟ ହେଫର, ପଲୋନୀୟ ଅହୀୟ;
\v 37 କର୍ମିଲୀୟ ହିଷ୍ରୟ, ଇଷ୍‍ବୟର ପୁତ୍ର ନାରୟ;
\s5
\v 38 ନାଥନର ଭ୍ରାତା ଯୋୟେଲ, ହଗ୍ରିର ପୁତ୍ର ମିଭର;
\v 39 ଅମ୍ମୋନୀୟ ସେଲକ୍‍, ସରୁୟାର ପୁତ୍ର ଯୋୟାବର ଅସ୍ତ୍ରବାହକ ବେରୋତୀୟ ନହରୟ;
\v 40 ଯିତ୍ରୀୟ ଈରା ଓ ଗାରେବ୍‍;
\v 41 ହିତ୍ତୀୟ ଊରୀୟ, ଅହଲୟର ପୁତ୍ର ସାବଦ୍‍,
\s5
\v 42 ରୁବେନୀୟ ଶୀଷାର ପୁତ୍ର ଅଦୀନା, ଏ ରୁବେନୀୟମାନଙ୍କର ଜଣେ ପ୍ରଧାନ ଥିଲା ଓ ତାହା ସଙ୍ଗେ ତିରିଶ ଜଣ ଥିଲେ;
\v 43 ମାଖାର ପୁତ୍ର ହାନନ୍‍, ମିତ୍ନୀୟ ଯୋଶାଫଟ୍‍;
\v 44 ଅଷ୍ଟାରୋତୀୟ ଉଷୀଅ; ଅରୋୟେରୀୟ ହୋଥମ୍‍ର ପୁତ୍ର ଶାମ୍‍ ଓ ଯିୟୀୟେଲ୍‍;
\s5
\v 45 ଶିମ୍ରିର ପୁତ୍ର ଯିଦୀୟେଲ ଓ ତାହାର ଭ୍ରାତା ତୀଷୀୟ ଯୋହା;
\v 46 ମହବୀୟ, ଇଲୀୟେଲ୍‍, ଇଲ୍‍ନାମର ପୁତ୍ର ଯିରୀବୟ ଓ ଯୋଶବୀୟ, ଆଉ ମୋୟାବୀୟ ଯିତ୍‍ମା;
\v 47 ଇଲୀୟେଲ୍‍, ଓବେଦ୍‍ ଓ ମସୋବାୟୀୟ ଯାସୀୟେଲ୍‍।
\s5
\c 12
\s ଦାଉଦଙ୍କ ଅନୁଗାମୀ ପରାକ୍ରମୀ ସୈନ୍ୟ
\p
\v 1 ଯେଉଁ ସମୟରେ ଦାଉଦ କୀଶ୍‍ର ପୁତ୍ର ଶାଉଲଙ୍କର ଭୟରେ ଆପଣାକୁ ରୁଦ୍ଧ କରିଥିଲେ, ସେହି ସମୟରେ ଏହି ଲୋକମାନେ ସିକ୍ଲଗ୍‍କୁ ତାଙ୍କ ନିକଟକୁ ଆସିଥିଲେ; ସେମାନେ ଯୁଦ୍ଧରେ ତାଙ୍କର ସାହାଯ୍ୟକାରୀ ବୀରମାନଙ୍କ ମଧ୍ୟରେ ଗଣିତ ଥିଲେ।
\v 2 ସେମାନେ ଧନୁର୍ଦ୍ଧାରୀ, ଆଉ ଦକ୍ଷିଣ ଓ ବାମ ଉଭୟ ହସ୍ତରେ ଛାଟିଣୀ-ପ୍ରସ୍ତର ଓ ଧନୁରୁ ତୀର କ୍ଷେପଣ କରିବାରେ ନିପୁଣ ଥିଲେ; ସେମାନେ ଶାଉଲଙ୍କର ଜ୍ଞାତି ବିନ୍ୟାମୀନୀୟ ଲୋକ ଥିଲେ।
\s5
\v 3 ସେମାନଙ୍କ ମଧ୍ୟରେ ପ୍ରଧାନ ଅହୀୟେଷର, ତହିଁ ଉତ୍ତାରେ ଯୋୟାଶ୍‍, ଏମାନେ ଗିବୀୟାଥୀୟ ଶମାୟର ପୁତ୍ର; ଅସ୍ମାବତ୍‍ର ପୁତ୍ର ଯିଷୀୟେଲ୍‍, ପେଲଟ୍‍, ଅନାଥୋତୀୟ ବରାଖା ଓ ଯେହୂ;
\v 4 ପୁଣି, ଗିବୀୟୋନୀୟ ଯିଶ୍ମୟୀୟ, ସେ ତିରିଶ ଜଣଙ୍କ ମଧ୍ୟରେ ଗଣିତ ବୀର ଓ ତିରିଶ ଜଣଙ୍କ ଉପରେ ନିଯୁକ୍ତ; ଆଉ ଯିରିମୀୟ, ଯହସୀୟେଲ, ଯୋହାନନ୍‍, ଗଦେରାଥୀୟ ଯୋଷାବଦ୍‍;
\s5
\v 5 ଇଲିୟଷୟ, ଯିରେମୋତ୍‍, ବାଲୀୟା, ଶେମରୀୟ, ହରୂଫୀୟ ଶଫଟୀୟ;
\v 6 କୋରହୀୟ ଇଲ୍‍କାନା, ଯିଶୀୟ, ଅସରେଲ୍‍, ଯୋୟେଷର୍‍, ଯାଶ୍‍ବୀୟାମ୍‍;
\v 7 ଆଉ ଗଦୋର ନିବାସୀ ଯିରୋହମର ପୁତ୍ର ଯୋୟେଲା ଓ ସବଦୀୟ।
\s5
\v 8 ଆଉ ଗାଦୀୟମାନଙ୍କ ମଧ୍ୟରୁ କେତେକ ଲୋକ ପୃଥକ୍‍ ହୋଇ ପ୍ରାନ୍ତରସ୍ଥିତ ଦୁର୍ଗ-ସ୍ଥାନକୁ ଦାଉଦଙ୍କ ନିକଟକୁ ଆସିଲେ; ସେମାନେ ମହାବିକ୍ରମଶାଳୀ, ଢାଲ ଓ ବର୍ଚ୍ଛାଧାରୀ, ଯୁଦ୍ଧାର୍ଥେ ଶିକ୍ଷିତ ଲୋକ; ସେମାନଙ୍କ ମୁଖ ସିଂହ-ମୁଖ ତୁଲ୍ୟ ଓ ସେମାନେ ପର୍ବତସ୍ଥ ହରିଣ ତୁଲ୍ୟ ଦ୍ରୁତଗାମୀ।
\s5
\v 9 ପ୍ରଥମ ଏସର୍‍, ଦ୍ୱିତୀୟ ଓବଦୀୟ, ତୃତୀୟ ଇଲୀୟାବ୍‍,
\v 10 ଚତୁର୍ଥ ମିଶ୍‍ମନ୍ନା, ପଞ୍ଚମ ଯିରିମୀୟ,
\v 11 ଷଷ୍ଠ ଅତ୍ତୟ, ସପ୍ତମ ଇଲୀୟେଲ୍‍;
\v 12 ଅଷ୍ଟମ ଯୋହାନନ୍‍, ନବମ ଇଲ୍‍ସାବଦ୍‍;
\v 13 ଦଶମ ଯିରିମୀୟ, ଏକାଦଶ ମଗ୍‍ବନ୍ନୟ।
\s5
\v 14 ଗାଦ୍‍ର ଏହି ସନ୍ତାନମାନେ ସେନାପତି ଥିଲେ, ଏମାନଙ୍କ ମଧ୍ୟରେ ଯେଉଁ ଜଣ କ୍ଷୁଦ୍ର, ସେ ଏକ ଶତ ଲୋକର ଓ ଯେ ମହାନ୍, ସେ ଏକ ସହସ୍ର ଲୋକର ସମାନ ଥିଲା।
\v 15 ଏମାନେ ପ୍ରଥମ ମାସରେ ଯର୍ଦ୍ଦନର ଜଳ ସମସ୍ତ ତୀର ଉପରେ ଉଚ୍ଛୁଳିବା ସମୟରେ ନଦୀ ପାର ହୋଇ ଯାଇଥିଲେ; ଆଉ ସେମାନେ ଉପତ୍ୟକା ସମୂହର ପୂର୍ବ ଓ ପଶ୍ଚିମ ଦିଗ ନିବାସୀମାନଙ୍କୁ ତଡ଼ି ଦେଇଥିଲେ।
\s5
\v 16 ଆହୁରି ବିନ୍ୟାମୀନ୍ ଓ ଯିହୁଦା-ସନ୍ତାନମାନଙ୍କ ମଧ୍ୟରୁ କେତେ ଲୋକ ଦୁର୍ଗ-ସ୍ଥାନକୁ ଦାଉଦଙ୍କ ନିକଟକୁ ଆସିଲେ।
\v 17 ତହିଁରେ ଦାଉଦ ସେମାନଙ୍କୁ ଭେଟିବା ପାଇଁ ଯାଇ ଉତ୍ତର କରି କହିଲେ, ଯଦି ତୁମ୍ଭେମାନେ ନିର୍ବିରୋଧ ଭାବରେ ମୋହର ସାହାଯ୍ୟ କରିବା ପାଇଁ ମୋ’ ନିକଟକୁ ଆସିଥାଅ, ତେବେ ମୋହର ଅନ୍ତଃକରଣ ତୁମ୍ଭମାନଙ୍କଠାରେ ସଂଯୁକ୍ତ ହେବ; ମାତ୍ର ମୋ’ ହସ୍ତରେ କୌଣସି ଦୌରାତ୍ମ୍ୟ ନ ଥିଲେ ହେଁ ଯଦି ତୁମ୍ଭେମାନେ ମୋ’ ଶତ୍ରୁମାନଙ୍କ ହସ୍ତରେ ମୋତେ ସମର୍ପଣ କରିବାକୁ ଆସିଥାଅ, ତେବେ ଆମ୍ଭମାନଙ୍କ ପିତୃଗଣର ପରମେଶ୍ୱର ତାହା ଦେଖନ୍ତୁ ଓ ଅନୁଯୋଗ କରନ୍ତୁ।
\s5
\v 18 ସେତେବେଳେ ତିରିଶ ଜଣଙ୍କ ମଧ୍ୟରେ ପ୍ରଧାନ ଅମାସୟ ଉପରେ ଆତ୍ମା ଅଧିଷ୍ଠାନ କରନ୍ତେ, ସେ କହିଲା, “ହେ ଦାଉଦ, ଆମ୍ଭେମାନେ ତୁମ୍ଭର, ହେ ଯିଶୀର ପୁତ୍ର, ଆମ୍ଭେମାନେ ତୁମ୍ଭର ପକ୍ଷ; ତୁମ୍ଭର ମଙ୍ଗଳ ହେଉ, ମଙ୍ଗଳ ହେଉ ଓ ତୁମ୍ଭ ସାହାଯ୍ୟକାରୀମାନଙ୍କର ମଙ୍ଗଳ ହେଉ; କାରଣ ତୁମ୍ଭ ପରମେଶ୍ୱର ତୁମ୍ଭର ସାହାଯ୍ୟ କରନ୍ତି।” ତହୁଁ ଦାଉଦ ସେମାନଙ୍କୁ ଗ୍ରହଣ କରି ସେନାଦଳ ଉପରେ ସେମାନଙ୍କୁ ସେନାପତି କଲେ।
\s5
\v 19 ଦାଉଦ ପଲେଷ୍ଟୀୟମାନଙ୍କ ସହିତ ଶାଉଲଙ୍କ ବିରୁଦ୍ଧରେ ଯୁଦ୍ଧ କରିବାକୁ ଆସିବା ବେଳେ ମନଃଶିୟମାନଙ୍କର କେତେକ ଲୋକ ମଧ୍ୟ ଦାଉଦଙ୍କର ପକ୍ଷ ହେଲେ, ମାତ୍ର ସେମାନଙ୍କ ଦେଇ ସେମାନଙ୍କର ସାହାଯ୍ୟ ନୋହିଲା; କାରଣ ପଲେଷ୍ଟୀୟମାନଙ୍କ ଅଧିପତିମାନେ ମନ୍ତ୍ରଣା କରି ତାଙ୍କୁ ବିଦାୟ ଦେଇ କହିଲେ, “ସେ ଆପଣା ପ୍ରଭୁ ଶାଉଲଙ୍କର ପକ୍ଷ ହୋଇ ଆମ୍ଭମାନଙ୍କ ମସ୍ତକକୁ ସଙ୍କଟରେ ପକାଇବ।”
\v 20 ଦାଉଦ ସିକ୍ଲଗ୍‍କୁ ଯିବା ବେଳେ ମନଃଶି ସମ୍ବନ୍ଧୀୟ ଅଦ୍ନହ, ଯୋଷାବଦ୍‍, ଯିଦୀୟେଲ, ମୀଖାୟେଲ, ଯୋଷାବଦ୍‍, ଇଲୀହୂ ଓ ସିଲ୍ଲଥୟ, ଏହି ମନଃଶି-ବଂଶୀୟ ସହସ୍ରପତିମାନେ ତାଙ୍କର ପକ୍ଷ ହେଲେ।
\s5
\v 21 ଆଉ ସେମାନେ ଲୁଟକାରୀ ଦଳ ବିରୁଦ୍ଧରେ ଦାଉଦଙ୍କର ସାହାଯ୍ୟ କଲେ; କାରଣ ସେମାନେ ସମସ୍ତେ ମହାବିକ୍ରମଶାଳୀ ପୁରୁଷ ଓ ସେନାପତି ଥିଲେ।
\v 22 ଦିନକୁ ଦିନ ଲୋକମାନେ ଦାଉଦଙ୍କୁ ସାହାଯ୍ୟ କରିବାକୁ ଆସିଲେ, ତହିଁରେ ପରମେଶ୍ୱରଙ୍କ ସୈନ୍ୟ ତୁଲ୍ୟ ମହାସୈନ୍ୟ ହେଲା।
\s5
\v 23 ସଦାପ୍ରଭୁଙ୍କ ବାକ୍ୟାନୁସାରେ ଶାଉଲଙ୍କର ରାଜ୍ୟ ଦାଉଦଙ୍କୁ ସମର୍ପଣ କରିବା ପାଇଁ ଯୁଦ୍ଧାର୍ଥେ ସସଜ୍ଜ ଯେଉଁ ଲୋକମାନେ ହିବ୍ରୋଣକୁ ଦାଉଦଙ୍କ ନିକଟକୁ ଆସିଥିଲେ, ସେମାନଙ୍କ ସଂଖ୍ୟା ଏହି।
\v 24 ଯିହୁଦା-ସନ୍ତାନଗଣ ମଧ୍ୟରୁ ଢାଲ ଓ ବର୍ଚ୍ଛାଧାରୀ, ଯୁଦ୍ଧାର୍ଥେ ସସଜ୍ଜ ଛଅ ହଜାର ଆଠ ଶହ ଜଣ।
\v 25 ଶିମୀୟୋନ-ସନ୍ତାନଗଣ ମଧ୍ୟରୁ ଯୁଦ୍ଧାର୍ଥେ ମହାବିକ୍ରମଶାଳୀ ସାତ ହଜାର ଏକ ଶହ ଜଣ।
\s5
\v 26 ଲେବୀ-ସନ୍ତାନଗଣ ମଧ୍ୟରୁ ଚାରି ହଜାର ଛଅ ଶହ ଜଣ।
\v 27 ପୁଣି, ଯିହୋୟାଦା ହାରୋଣ-ବଂଶର ଅଧ୍ୟକ୍ଷ ଥିଲା, ତାହା ସଙ୍ଗେ ତିନି ହଜାର ସାତ ଶହ ଲୋକ ଥିଲେ।
\v 28 ଆଉ ସାଦୋକ ଏକ ବିକ୍ରମଶାଳୀ ଯୁବା ଲୋକ ଥିଲା ଓ ତାହାର ପିତୃବଂଶର ବାଇଶ ଜଣ ସେନାପତି ଥିଲେ।
\s5
\v 29 ଶାଉଲଙ୍କର ଜ୍ଞାତି ବିନ୍ୟାମୀନ୍-ସନ୍ତାନଗଣ ମଧ୍ୟରୁ ତିନି ହଜାର ଲୋକ; କାରଣ ସେହି ସମୟ ପର୍ଯ୍ୟନ୍ତ ସେମାନଙ୍କର ଅଧିକାଂଶ ଲୋକ ଶାଉଲଙ୍କ ବଂଶର ବଶତା ସ୍ୱୀକାର କଲେ।
\v 30 ଇଫ୍ରୟିମ-ସନ୍ତାନଗଣ ମଧ୍ୟରୁ କୋଡ଼ିଏ ହଜାର ଆଠ ଶହ ଲୋକ, ଏମାନେ ମହାବିକ୍ରମଶାଳୀ ଓ ଆପଣା ଆପଣା ପିତୃବଂଶରେ ବିଖ୍ୟାତ ଲୋକ ଥିଲେ।
\v 31 ପୁଣି, ମନଃଶିର ଅର୍ଦ୍ଧ ବଂଶରୁ ଅଠର ହଜାର ଲୋକ, ଏମାନେ ଦାଉଦଙ୍କୁ ରାଜା କରିବା ଲାଗି ମନୋନୀତ ଲୋକ ନାମରେ ନିର୍ଦ୍ଦିଷ୍ଟ ହୋଇଥିଲେ।
\s5
\v 32 ଆଉ ଇଷାଖର-ସନ୍ତାନଗଣ ମଧ୍ୟରୁ ଦୁଇ ଶହ ପ୍ରଧାନ ଲୋକ, ଏମାନେ କାଳଜ୍ଞ, ଇସ୍ରାଏଲର କି କର୍ତ୍ତବ୍ୟ, ତାହା ଜାଣିଲେ; ଆଉ ସେମାନଙ୍କ ଭ୍ରାତା ସମସ୍ତେ ସେମାନଙ୍କ ଆଜ୍ଞାବହ ଥିଲେ।
\v 33 ସବୂଲୂନ ମଧ୍ୟରୁ ସୈନ୍ୟଦଳରେ ଗମନଯୋଗ୍ୟ ଓ ସର୍ବପ୍ରକାର ଯୁଦ୍ଧାସ୍ତ୍ର ନେଇ ଯୁଦ୍ଧ ସଜାଇବାକୁ ସମର୍ଥ ପଚାଶ ହଜାର ଲୋକ ଥିଲେ; ସେମାନେ ଯୁଦ୍ଧ ସଜାଇ ପାରିଲେ ଓ ଦ୍ୱିମନା ନ ଥିଲେ।
\s5
\v 34 ପୁଣି, ନପ୍ତାଲି ମଧ୍ୟରୁ ଏକ ହଜାର ସେନାପତି ଓ ସେମାନଙ୍କ ସଙ୍ଗେ ଢାଲ ଓ ବର୍ଚ୍ଛାଧାରୀ ସଇଁତିରିଶ ହଜାର ଲୋକ ଥିଲେ।
\v 35 ଆଉ ଦାନୀୟମାନଙ୍କ ମଧ୍ୟରୁ ଯୁଦ୍ଧ ସଜାଇବାକୁ ସମର୍ଥ ଅଠାଇଶ ହଜାର ଛଅ ଶହ ଲୋକ ଥିଲେ।
\s5
\v 36 ଆଶେର ମଧ୍ୟରୁ ସୈନ୍ୟଦଳରେ ଗମନଯୋଗ୍ୟ, ଯୁଦ୍ଧ ସଜାଇବାକୁ ସମର୍ଥ ଚାଳିଶ ହଜାର ଲୋକ।
\v 37 ଆଉ ଯର୍ଦ୍ଦନର ଅନ୍ୟ ପାରିସ୍ଥିତ ରୁବେନୀୟ, ଗାଦୀୟ ଓ ମନଃଶିର ଅର୍ଦ୍ଧ ବଂଶ ମଧ୍ୟରୁ ଯୁଦ୍ଧାର୍ଥେ ସର୍ବପ୍ରକାର ଅସ୍ତ୍ରଧାରୀ ଏକ ଲକ୍ଷ କୋଡ଼ିଏ ହଜାର ଲୋକ।
\s5
\v 38 ଯୁଦ୍ଧ ସଜାଇବାକୁ ସମର୍ଥ ଏହି ସକଳ ଯୋଦ୍ଧା ସମ୍ପୂର୍ଣ୍ଣ ଅନ୍ତଃକରଣ ସହିତ ଦାଉଦଙ୍କୁ ସମଗ୍ର ଇସ୍ରାଏଲ ଉପରେ ରାଜା କରିବା ପାଇଁ ହିବ୍ରୋଣକୁ ଆସିଲେ; ମଧ୍ୟ ଇସ୍ରାଏଲର ଅବଶିଷ୍ଟ ସମସ୍ତେ ଦାଉଦଙ୍କୁ ରାଜା କରିବା ପାଇଁ ଏକଚିତ୍ତ ହେଲେ।
\v 39 ଆଉ ସେମାନେ ଦାଉଦଙ୍କ ସଙ୍ଗେ ତିନି ଦିନ ଭୋଜନପାନ କରି ସେଠାରେ ରହିଲେ; କାରଣ ସେମାନଙ୍କ ଭ୍ରାତୃଗଣ ସେମାନଙ୍କ ନିମନ୍ତେ ଆୟୋଜନ କରିଥିଲେ।
\v 40 ଆହୁରି ଇଷାଖର, ସବୂଲୂନ ଓ ନପ୍ତାଲି ପର୍ଯ୍ୟନ୍ତ ସେମାନଙ୍କ ନିକଟବର୍ତ୍ତୀ ଲୋକମାନେ ଗର୍ଦ୍ଦଭ, ଉଷ୍ଟ୍ର, ଖଚର ଓ ବଳଦ ପୃଷ୍ଠରେ ଖାଦ୍ୟ ଦ୍ରବ୍ୟ, ଅର୍ଥାତ୍‍, ସୂଜିର ଦ୍ରବ୍ୟ, ଡିମ୍ବିରିଚକ୍ତି, ଦ୍ରାକ୍ଷାପେଣ୍ଡା, ଦ୍ରାକ୍ଷାରସ, ତୈଳ ଆଣିଲେ, ଆହୁରି ବଳଦ ଓ ମେଷ ବହୁଳ ରୂପେ ଆଣିଲେ; କାରଣ ଇସ୍ରାଏଲ ମଧ୍ୟରେ ଆନନ୍ଦ ହେଲା।
\s5
\c 13
\s କିରୀୟତ୍‍ ଯୀୟାରୀମଠାରୁ ନିୟମ-ସିନ୍ଦୁକର ଆଗମନ
\p
\v 1 ଏଥିଉତ୍ତାରେ ଦାଉଦ ସହସ୍ରପତିମାନଙ୍କର, ଶତପତିମାନଙ୍କର ଓ ସମସ୍ତ ଅଧ୍ୟକ୍ଷଙ୍କ ସହିତ ମନ୍ତ୍ରଣା କଲେ।
\v 2 ଆଉ ଦାଉଦ ଇସ୍ରାଏଲର ସମଗ୍ର ସମାଜକୁ କହିଲେ, “ଯଦି ତୁମ୍ଭମାନଙ୍କୁ ଉତ୍ତମ ଦେଖାଯାଏ ଓ ଯଦି ତାହା ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଆଡ଼ୁ ହୁଏ, ତେବେ ଇସ୍ରାଏଲର ସମୁଦାୟ ପ୍ରଦେଶରେ ଆମ୍ଭମାନଙ୍କ ଅବଶିଷ୍ଟ ଭ୍ରାତୃଗଣ ଓ ସେମାନଙ୍କ ସଙ୍ଗେ ଆପଣା ଆପଣା ତଳିଭୂମି-ବିଶିଷ୍ଟ ନଗରରେ ବାସକାରୀ ଯାଜକମାନେ ଓ ଲେବୀୟମାନେ ଯେପରି ଆମ୍ଭମାନଙ୍କ ନିକଟରେ ଏକତ୍ରିତ ହୁଅନ୍ତି, ଏନିମନ୍ତେ ଆସ, ଆମ୍ଭେମାନେ ସର୍ବତ୍ର ସେମାନଙ୍କ ନିକଟକୁ ଲୋକ ପଠାଉ।
\v 3 ପୁଣି, ଆମ୍ଭମାନଙ୍କ ପରମେଶ୍ୱରଙ୍କ ସିନ୍ଦୁକ ପୁନର୍ବାର ଆମ୍ଭମାନଙ୍କ ନିକଟକୁ ଆଣୁ; କାରଣ ଶାଉଲଙ୍କ ସମୟରେ ଆମ୍ଭେମାନେ ତହିଁର ଅନ୍ୱେଷଣ କରି ନାହୁଁ।”
\v 4 ତହିଁରେ ସମଗ୍ର ସମାଜ ସେହିପରି କରିବେ ବୋଲି କହିଲେ; କାରଣ ସକଳ ଲୋକଙ୍କ ଦୃଷ୍ଟିରେ ତାହା ଯଥାର୍ଥ ବୋଧ ହେଲା।
\s ଉଷ ଏବଂ ପରମେଶ୍ୱରଙ୍କ ସିନ୍ଦୁକ
\p
\s5
\v 5 ତହୁଁ କିରୀୟଥ୍‍-ଯିୟାରୀମ୍‍ରୁ ପରମେଶ୍ୱରଙ୍କ ସିନ୍ଦୁକ ଆଣିବା ନିମନ୍ତେ ଦାଉଦ ମିସରର ଶୀୟୋର ନଦୀଠାରୁ ହମାତର ପ୍ରବେଶ-ସ୍ଥାନ ପର୍ଯ୍ୟନ୍ତ ସମଗ୍ର ଇସ୍ରାଏଲକୁ ଏକତ୍ର କଲେ।
\v 6 ଆଉ କିରୂବଗଣ ମଧ୍ୟରେ ଉପବିଷ୍ଟ ସଦାପ୍ରଭୁଙ୍କ ନାମରେ ଖ୍ୟାତ ପରମେଶ୍ୱରଙ୍କ ସିନ୍ଦୁକକୁ ଯିହୁଦାର ଅଧିକାରସ୍ଥ ବାଲାରୁ, ଅର୍ଥାତ୍‍, କିରୀୟଥ୍‍-ଯିୟାରୀମ୍‍ରୁ ଆଣିବା ପାଇଁ ଦାଉଦ ଓ ସମଗ୍ର ଇସ୍ରାଏଲ ସେହି ସ୍ଥାନକୁ ଗଲେ।
\s5
\v 7 ପୁଣି, ସେମାନେ ଗୋଟିଏ ନୂତନ ଶଗଡ଼ରେ ପରମେଶ୍ୱରଙ୍କ ସିନ୍ଦୁକକୁ ଅବୀନାଦବର ଗୃହରୁ ବାହାର କରି ବୋହି ଆଣିଲେ; ଆଉ ଉଷ ଓ ଅହୀୟୋ ଶଗଡ଼ ଚଳାଇଲେ।
\v 8 ପୁଣି, ଦାଉଦ ଓ ସମଗ୍ର ଇସ୍ରାଏଲ ପରମେଶ୍ୱରଙ୍କ ସାକ୍ଷାତରେ ସମସ୍ତ ଶକ୍ତି ସହିତ ଗାୟନ କରି ବୀଣା ଓ ନେବଲ ଓ ଦାରା ଓ କରତାଳ ଓ ତୂରୀ ବଜାଇଲେ।
\s5
\v 9 ଆଉ ସେମାନେ କୀଦୋନ୍‍ ନାମକ ଶସ୍ୟମର୍ଦ୍ଦନ ସ୍ଥାନରେ ଉପସ୍ଥିତ ହୁଅନ୍ତେ, ବଳଦମାନେ ଅମଣା ହେବାରୁ ଉଷ ହସ୍ତ ବିସ୍ତାର କରି ସିନ୍ଦୁକ ଧରିଲା।
\v 10 ସେତେବେଳେ ଉଷ ପ୍ରତି ସଦାପ୍ରଭୁଙ୍କ କ୍ରୋଧ ପ୍ରଜ୍ୱଳିତ ହେଲା ଓ ସିନ୍ଦୁକ ପ୍ରତି ହସ୍ତ ବିସ୍ତାର କରିବା ସକାଶୁ ସେ ତାହାକୁ ଆଘାତ କଲେ; ତହୁଁ ସେ ସେଠାରେ ପରମେଶ୍ୱରଙ୍କ ସାକ୍ଷାତରେ ମଲା।
\v 11 ପୁଣି, ସଦାପ୍ରଭୁ ଉଷକୁ ଆକ୍ରମଣ କରିବାରୁ ଦାଉଦ ଅସନ୍ତୁଷ୍ଟ ହେଲେ; ଏଣୁ ସେ ସେହି ସ୍ଥାନର ନାମ “ପେରସ-ଉଷ” ରଖିଲେ; ଆଜି ପର୍ଯ୍ୟନ୍ତ ସେହି ନାମ ଅଛି।
\s5
\v 12 ଆଉ ଦାଉଦ ସେହି ଦିନ ପରମେଶ୍ୱରଙ୍କ ବିଷୟରେ ଭୟ ପାଇ କହିଲେ, “ମୁଁ କିପରି ପରମେଶ୍ୱରଙ୍କ ସିନ୍ଦୁକ ମୋ’ ନିକଟକୁ ଗୃହକୁ ଆଣିବି ?”
\v 13 ତହୁଁ ଦାଉଦ ଦାଉଦ-ନଗରକୁ ଆପଣା ନିକଟକୁ ସିନ୍ଦୁକ ଆଣିଲେ ନାହିଁ, ମାତ୍ର ତାହା ନେଇ ପଥପାର୍ଶ୍ୱସ୍ଥ ଗାଥୀୟ ଓବେଦ୍‍-ଇଦୋମର ଗୃହରେ ରଖିଲେ।
\v 14 ତହିଁରେ ପରମେଶ୍ୱରଙ୍କ ସିନ୍ଦୁକ ଓବେଦ୍‍-ଇଦୋମର ପରିବାର ସହିତ ତାହାର ଗୃହରେ ତିନି ମାସ ରହିଲା; ପୁଣି, ସଦାପ୍ରଭୁ ଓବେଦ୍‍-ଇଦୋମର ଗୃହକୁ ଓ ତାହାର ସର୍ବସ୍ୱକୁ ଆଶୀର୍ବାଦ କଲେ।
\s5
\c 14
\s ଯିରୂଶାଲମରେ ଦାଉଦଙ୍କ କାର୍ଯ୍ୟ
\p
\v 1 ଏଥିଉତ୍ତାରେ ସୋରର ରାଜା ହୂରମ୍‍ ଦାଉଦଙ୍କ ନିକଟକୁ ଦୂତଗଣ ଓ ତାଙ୍କ ପାଇଁ ଗୃହ ନିର୍ମାଣ କରିବାକୁ ଏରସ କାଷ୍ଠ ଓ ରାଜମିସ୍ତ୍ରୀ ଓ ବଢ଼େଇମାନଙ୍କୁ ପଠାଇଲା।
\v 2 ତହିଁରେ ସଦାପ୍ରଭୁ ଯେ ଦାଉଦଙ୍କୁ ଇସ୍ରାଏଲର ରାଜପଦରେ ସ୍ଥିର କଲେ, ଏହା ସେ ବୁଝିଲେ, କାରଣ ତାହାଙ୍କ ଲୋକ ଇସ୍ରାଏଲ ସକାଶୁ ତାଙ୍କର ରାଜ୍ୟ ଉନ୍ନତିପ୍ରାପ୍ତ ହୋଇଥିଲା।
\s5
\v 3 ପୁଣି, ଦାଉଦ ଯିରୂଶାଲମରେ ଆହୁରି ଭାର୍ଯ୍ୟା ଗ୍ରହଣ କଲେ; ତହିଁରେ ଦାଉଦଙ୍କର ଆହୁରି ପୁତ୍ରକନ୍ୟା ଜାତ ହେଲେ।
\v 4 ଯିରୂଶାଲମରେ ତାଙ୍କର ଯେଉଁ ଯେଉଁ ସନ୍ତାନ ଜନ୍ମିଲେ, ସେମାନଙ୍କର ନାମ; ଶମ୍ମୂୟ, ଶୋବବ୍‍, ନାଥନ, ଶଲୋମନ,
\v 5 ୟିଭର, ଇଲୀଶୂୟ, ଇଲ୍‍ପେଲଟ୍‍,
\v 6 ନୋଗହ, ନେଫଗ୍‍, ଯାଫୀୟ,
\v 7 ଇଲୀଶାମା, ବୀଲୀୟାଦା ଓ ଇଲୀଫେଲଟ୍‍।
\s ପଲେଷ୍ଟୀୟ ଉପରେ ବିଜୟ
\p
\s5
\v 8 ଏଉତ୍ତାରେ ଦାଉଦ ସମୁଦାୟ ଇସ୍ରାଏଲ ଉପରେ ରାଜାଭିଷିକ୍ତ ହୋଇଅଛନ୍ତି, ଏହା ପଲେଷ୍ଟୀୟମାନେ ଶୁଣନ୍ତେ, ସମସ୍ତ ପଲେଷ୍ଟୀୟ ଲୋକ ଦାଉଦଙ୍କୁ ଅନ୍ୱେଷଣ କରିବାକୁ ଗଲେ; ତହୁଁ ଦାଉଦ ତାହା ଶୁଣି ସେମାନଙ୍କ ବିରୁଦ୍ଧରେ ବାହାରିଲେ।
\v 9 ଏହି ସମୟରେ ପଲେଷ୍ଟୀୟମାନେ ରଫାୟୀମ ତଳଭୂମିରେ ଚଢ଼ାଉ କରିଥିଲେ।
\s5
\v 10 ଏଥିରେ ଦାଉଦ ପରମେଶ୍ୱରଙ୍କୁ ପଚାରି କହିଲେ, “ମୁଁ କ’ଣ ପଲେଷ୍ଟୀୟମାନଙ୍କ ବିରୁଦ୍ଧରେ ଉଠି ଯିବି ? ତୁମ୍ଭେ କ’ଣ ସେମାନଙ୍କୁ ମୋ’ ହସ୍ତରେ ସମର୍ପଣ କରିବ ?” ତହିଁରେ ସଦାପ୍ରଭୁ ତାଙ୍କୁ କହିଲେ, “ଉଠି ଯାଅ, କାରଣ ଆମ୍ଭେ ସେମାନଙ୍କୁ ତୁମ୍ଭ ହସ୍ତରେ ସମର୍ପଣ କରିବା।”
\v 11 ତହୁଁ ସେମାନେ ବାଲ୍‍-ପରାସୀମ୍‍କୁ ଆସନ୍ତେ, ଦାଉଦ ସେଠାରେ ସେମାନଙ୍କୁ ଆଘାତ କଲେ; ତହିଁରେ ଦାଉଦ କହିଲେ, “ପରମେଶ୍ୱର ମୋ’ ହସ୍ତରେ ମୋହର ଶତ୍ରୁମାନଙ୍କୁ ଜଳ ଦ୍ୱାରା ସେତୁଭଙ୍ଗ ତୁଲ୍ୟ ଭଗ୍ନ କରିଅଛନ୍ତି।” ଏହେତୁ ସେମାନେ ସେହି ସ୍ଥାନର ନାମ “ବାଲ୍‍-ପରାସୀମ୍‍” ରଖିଲେ।
\v 12 ଆଉ ସେଠାରେ ସେମାନେ ଆପଣାମାନଙ୍କ ଦେବତାମାନଙ୍କୁ ଛାଡ଼ି ଯାଇଥିଲେ; ପୁଣି, ଦାଉଦ ଆଜ୍ଞା କରନ୍ତେ, ସେହିସବୁ ଅଗ୍ନିରେ ଦଗ୍ଧ କରାଗଲା।
\s5
\v 13 ଏଥିଉତ୍ତାରେ ପଲେଷ୍ଟୀୟମାନେ ପୁନର୍ବାର ତଳିଭୂମିରେ ଚଢ଼ାଉ କଲେ।
\v 14 ତହିଁରେ ଦାଉଦ ପରମେଶ୍ୱରଙ୍କୁ ପୁନର୍ବାର ପଚାରନ୍ତେ, ପରମେଶ୍ୱର ତାଙ୍କୁ କହିଲେ, “ତୁମ୍ଭେ ସେମାନଙ୍କ ପଶ୍ଚାତ୍‍ ଯାଅ ନାହିଁ; ସେମାନଙ୍କ ନିକଟରୁ ଫେରିଯାଇ ତୂତ ବୃକ୍ଷ ସମ୍ମୁଖରେ ସେମାନଙ୍କୁ ଆକ୍ରମଣ କର।
\s5
\v 15 ପୁଣି, ତୁମ୍ଭେ ତୂତ ବୃକ୍ଷ ତୋଟା ଉପରେ ସୈନ୍ୟଗମନର ଶବ୍ଦ ଶୁଣିଲେ, ଯୁଦ୍ଧକୁ ବାହାରିବ; କାରଣ ପରମେଶ୍ୱର ପଲେଷ୍ଟୀୟ ସୈନ୍ୟଦଳକୁ ଆଘାତ କରିବା ପାଇଁ ତୁମ୍ଭ ସମ୍ମୁଖରେ ଅଗ୍ରସର ହେବେ।”
\v 16 ତହିଁରେ ପରମେଶ୍ୱର ଯେପରି ଆଜ୍ଞା କଲେ, ଦାଉଦ ସେହିପରି କଲେ; ପୁଣି, ସେମାନେ ଗିବୀୟୋନ୍‍ଠାରୁ ଗେଷର୍‍ ପର୍ଯ୍ୟନ୍ତ ପଲେଷ୍ଟୀୟ ସୈନ୍ୟଦଳକୁ ଆଘାତ କଲେ।
\v 17 ତହିଁରେ ଦାଉଦଙ୍କର ସୁଖ୍ୟାତି ସର୍ବ ଦେଶରେ ବ୍ୟାପିଗଲା; ପୁଣି, ସଦାପ୍ରଭୁ ସବୁ ଗୋଷ୍ଠୀ ମଧ୍ୟରେ ତାଙ୍କ ବିଷୟରେ ଭୟ ଜନ୍ମାଇଲେ।
\s5
\c 15
\s ଯିରୂଶାଲମରେ ନିୟମ-ସିନ୍ଦୁକ
\p
\v 1 ଆହୁରି ଦାଉଦ ଆପଣା ପାଇଁ ଦାଉଦ ନଗରେ ଅନେକ ଗୃହ ନିର୍ମାଣ କଲେ; ଆଉ ପରମେଶ୍ୱରଙ୍କ ସିନ୍ଦୁକ ପାଇଁ ଏକ ସ୍ଥାନ ପ୍ରସ୍ତୁତ କରି ତହିଁ ପାଇଁ ଏକ ତମ୍ବୁ ସ୍ଥାପନ କଲେ।
\v 2 ସେହି ସମୟରେ ଦାଉଦ କହିଲେ, “ଲେବୀୟମାନଙ୍କ ଛଡ଼ା ଆଉ କେହି ପରମେଶ୍ୱରଙ୍କ ସିନ୍ଦୁକ ବୋହିବା କର୍ତ୍ତବ୍ୟ ନୁହେଁ; କାରଣ ପରମେଶ୍ୱରଙ୍କ ସିନ୍ଦୁକ ବୋହିବା ପାଇଁ ଓ ଚିରକାଳ ତାହାଙ୍କର ପରିଚର୍ଯ୍ୟା କରିବା ପାଇଁ ସଦାପ୍ରଭୁ ସେମାନଙ୍କୁ ମନୋନୀତ କରିଅଛନ୍ତି।”
\v 3 ଏଉତ୍ତାରେ ସଦାପ୍ରଭୁଙ୍କ ସିନ୍ଦୁକ ନିମନ୍ତେ ଦାଉଦ ଯେଉଁ ସ୍ଥାନ ପ୍ରସ୍ତୁତ କରିଥିଲେ, ସେହି ସ୍ଥାନକୁ ତାହା ଆଣିବା ପାଇଁ ସେ ସମସ୍ତ ଇସ୍ରାଏଲକୁ ଯିରୂଶାଲମରେ ଏକତ୍ର କଲେ।
\s5
\v 4 ଆଉ ଦାଉଦ ହାରୋଣ-ସନ୍ତାନଗଣକୁ ଓ ଲେବୀୟମାନଙ୍କୁ ଏକତ୍ର କଲେ।
\v 5 କହାତ-ସନ୍ତାନଗଣ ମଧ୍ୟରେ ଊରୀୟେଲ ପ୍ରଧାନ ଓ ତାହାର ଭ୍ରାତୃଗଣ ଏକ ଶହ କୋଡ଼ିଏ ଜଣ;
\v 6 ମରାରି-ସନ୍ତାନଗଣ ମଧ୍ୟରେ ଅସାୟ ପ୍ରଧାନ ଓ ତାହାର ଭ୍ରାତୃଗଣ ଦୁଇ ଶହ କୋଡ଼ିଏ ଜଣ;
\s5
\v 7 ଗେର୍ଶୋମ-ସନ୍ତାନଗଣ ମଧ୍ୟରେ ଯୋୟେଲ ପ୍ରଧାନ ଓ ତାହାର ଭ୍ରାତୃଗଣ ଏକ ଶହ ତିରିଶ ଜଣ;
\v 8 ଇଲୀଶାଫନ୍‍-ସନ୍ତାନଗଣ ମଧ୍ୟରେ ଶମୟୀୟ ପ୍ରଧାନ ଓ ତାହାର ଭ୍ରାତୃଗଣ ଦୁଇ ଶହ ଜଣ;
\v 9 ହିବ୍ରୋଣ-ସନ୍ତାନଗଣ ମଧ୍ୟରେ ଇଲୀୟେଲ୍‍ ପ୍ରଧାନ ଓ ତାହାର ଭ୍ରାତୃଗଣ ଅଶୀ ଜଣ;
\v 10 ଉଷୀୟେଲ-ସନ୍ତାନଗଣ ମଧ୍ୟରେ ଅମ୍ମୀନାଦବ ପ୍ରଧାନ ଓ ତାହାର ଭ୍ରାତୃଗଣ ଏକ ଶହ ବାର ଜଣ।
\s5
\v 11 ପୁଣି, ଦାଉଦ ସାଦୋକ ଓ ଅବୀୟାଥର ଯାଜକମାନଙ୍କୁ ଓ ଲେବୀୟମାନଙ୍କୁ, ଊରୀୟେଲକୁ, ଅସାୟକୁ ଓ ଯୋୟେଲକୁ, ଶମୟୀୟକୁ ଓ ଇଲୀୟେଲ୍‍କୁ ଓ ଅମ୍ମୀନାଦବକୁ ଡାକି କହିଲେ,
\v 12 “ତୁମ୍ଭେମାନେ ଲେବୀୟମାନଙ୍କ ପିତୃବଂଶର ପ୍ରଧାନ; ମୁଁ ଇସ୍ରାଏଲର ପରମେଶ୍ୱର ସଦାପ୍ରଭୁଙ୍କ ସିନ୍ଦୁକ ନିମନ୍ତେ ଯେଉଁ ସ୍ଥାନ ପ୍ରସ୍ତୁତ କରିଅଛି, ସେହି ସ୍ଥାନକୁ ତାହା ଆଣିବା ପାଇଁ ତୁମ୍ଭେମାନେ ଓ ତୁମ୍ଭମାନଙ୍କ ଭ୍ରାତୃଗଣ ଉଭୟ ଆପଣାମାନଙ୍କୁ ପବିତ୍ର କର।”
\s5
\v 13 କାରଣ ପ୍ରଥମ ଥର ତୁମ୍ଭେମାନେ ତାହା ନ ବୋହିବାରୁ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ଆମ୍ଭମାନଙ୍କୁ ଆକ୍ରମଣ କଲେ, ଯେଣୁ ଆମ୍ଭେମାନେ ବିଧିମତେ ତାହାଙ୍କର ଅନ୍ୱେଷଣ ନ କଲୁ।
\v 14 ତହୁଁ ଯାଜକମାନେ ଓ ଲେବୀୟମାନେ ଇସ୍ରାଏଲର ପରମେଶ୍ୱର ସଦାପ୍ରଭୁଙ୍କ ସିନ୍ଦୁକ ଆଣିବା ନିମନ୍ତେ ଆପଣାମାନଙ୍କୁ ପବିତ୍ର କଲେ।
\v 15 ପୁଣି, ସଦାପ୍ରଭୁଙ୍କ ବାକ୍ୟ ପ୍ରମାଣେ ମୋଶା ଯେପରି ଆଜ୍ଞା କରିଥିଲେ, ତଦନୁସାରେ ଲେବୀୟ ସନ୍ତାନମାନେ ପରମେଶ୍ୱରଙ୍କ ସିନ୍ଦୁକକୁ ତହିଁର ସାଙ୍ଗୀ ଦ୍ୱାରା ଆପଣା ଆପଣା କାନ୍ଧରେ ବୋହିଲେ।
\s5
\v 16 ଆଉ ଦାଉଦ ଲେବୀୟମାନଙ୍କର ପ୍ରଧାନବର୍ଗଙ୍କୁ କହିଲେ, “ତୁମ୍ଭେମାନେ ଆପଣାମାନଙ୍କ ଗାୟକ ଭ୍ରାତୃଗଣକୁ ନେବଲ ଓ ବୀଣା ଓ କରତାଳ, ବାଦ୍ୟଯନ୍ତ୍ର ନେଇ ଉଚ୍ଚୈଃ-ସ୍ୱରରେ ଆନନ୍ଦଧ୍ୱନି କରିବା ପାଇଁ ନିଯୁକ୍ତ କର।”
\v 17 ତହିଁରେ ଲେବୀୟମାନେ ଯୋୟେଲର ପୁତ୍ର ହେମନକୁ ନିଯୁକ୍ତ କଲେ, ତାହାର ଭ୍ରାତୃଗଣ ମଧ୍ୟରୁ ବେରିଖୀୟର ପୁତ୍ର ଆସଫକୁ ଓ ସେମାନଙ୍କ ଭ୍ରାତୃଗଣ ମରାରି ସନ୍ତାନମାନଙ୍କ ମଧ୍ୟରୁ କୁଶାୟାର ପୁତ୍ର ଏଥନ୍‍କୁ;
\v 18 ଆଉ ସେମାନଙ୍କ ସଙ୍ଗେ ସେମାନଙ୍କ ଦ୍ୱିତୀୟ ପଦସ୍ଥ ଭ୍ରାତୃଗଣକୁ, ଅର୍ଥାତ୍‍, ଜିଖରୀୟକୁ, ବେନ୍‍କୁ, ଯାସୀୟେଲକୁ, ଶମୀରାମୋତକୁ, ଯିହୀୟେଲକୁ, ଉନ୍ନିକୁ, ଇଲୀୟାବ୍‍କୁ, ବନାୟକୁ, ମାସେୟକୁ, ମତ୍ତଥୀୟକୁ, ଇଲୀଫଲେହୁକୁ, ମିକ୍‍ନେୟକୁ, ଦ୍ୱାରପାଳ ଓବେଦ୍‍-ଇଦୋମକୁ ଓ ଯିୟୀୟେଲ୍‍କୁ ନିଯୁକ୍ତ କଲେ।
\s5
\v 19 ଏହିରୂପେ ହେମନ, ଆସଫ ଓ ଏଥନ୍‍ ଗାୟକମାନେ ପିତ୍ତଳର କରତାଳ ନେଇ ଉଚ୍ଚଧ୍ୱନି କରିବା ପାଇଁ;
\v 20 ଆଉ ଜିଖରୀୟ, ଅସୀୟେଲ, ଶମୀରାମୋତ୍‍, ଯିହୀୟେଲ, ଉନ୍ନି, ଇଲୀୟାବ୍‍, ମାସେୟ ଓ ବନାୟ ନେବଲ ନେଇ ଅଲାମୋତ୍‍ ସ୍ୱର ବଜାଇବା ପାଇଁ;
\v 21 ପୁଣି, ମତ୍ତଥୀୟ, ଇଲୀଫଲେହୁ, ମିକ୍‍ନେୟ, ଓବେଦ୍‍-ଇଦୋମ, ଯିୟୀୟେଲ୍‍ ଓ ଅସସୀୟ ବୀଣା ବଜାଇ ଶିମିନୀତ୍‍ ସ୍ୱରରେ ଆରମ୍ଭ କରିବା ପାଇଁ ନିଯୁକ୍ତ ହେଲେ।
\s5
\v 22 ପୁଣି, ଲେବୀୟମାନଙ୍କର ପ୍ରଧାନ କନନୀୟ ଗାନ ବିଷୟରେ ନିଯୁକ୍ତ ହେଲା, ସେ ନିପୁଣ ଥିବାରୁ ଗାନ ଶିଖାଇଲା।
\v 23 ଆଉ ବେରିଖୀୟ ଓ ଇଲ୍‍କାନା ସିନ୍ଦୁକର ଦ୍ୱାରରକ୍ଷକ ହେଲେ।
\v 24 ପୁଣି, ଶବନୀୟ, ଯୋଶାଫଟ୍‍, ନଥନେଲ, ଅମାସୟ, ଜିଖରୀୟ, ବନାୟ ଓ ଇଲୀୟେଜର ଯାଜକମାନେ ପରମେଶ୍ୱରଙ୍କ ସିନ୍ଦୁକ ସମ୍ମୁଖରେ ତୂରୀ ବଜାଇଲେ; ଆଉ ଓବେଦ୍‍-ଇଦୋମ ଓ ଯିହୀୟ ସିନ୍ଦୁକର ଦ୍ୱାରରକ୍ଷକ ହେଲେ।
\s5
\v 25 ତହୁଁ ଦାଉଦ ଓ ଇସ୍ରାଏଲର ପ୍ରାଚୀନବର୍ଗ ଓ ସହସ୍ରପତିମାନେ ଓବେଦ୍‍-ଇଦୋମର ଗୃହରୁ ଆନନ୍ଦପୂର୍ବକ ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ଆଣିବାକୁ ଗଲେ;
\v 26 ପୁଣି, ଯେଉଁ ଲେବୀୟମାନେ ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ବହିଲେ, ପରମେଶ୍ୱର ସେମାନଙ୍କର ସାହାଯ୍ୟ କରନ୍ତେ, ସେମାନେ ସାତ ବଳଦ ଓ ସାତ ମେଷ ବଳିଦାନ କଲେ।
\s5
\v 27 ଆଉ ଦାଉଦ, ସିନ୍ଦୁକବାହକ ଲେବୀୟମାନେ, ଗାୟକମାନେ, ଗାୟକମାନଙ୍କ ସହିତ ଗୀତ-ଶିକ୍ଷକ କନନୀୟ, ସମସ୍ତେ ଶୁଭ୍ର କ୍ଷୌମବସ୍ତ୍ରର ଚୋଗା ପିନ୍ଧିଥିଲେ; ଆଉ ଦାଉଦଙ୍କର ଦେହରେ ଶୁଭ୍ର କ୍ଷୌମବସ୍ତ୍ରର ଏଫୋଦ ଥିଲା।
\v 28 ଏହିରୂପେ ଉଚ୍ଚୈଃସ୍ୱରରେ ଜୟଧ୍ୱନି କରି ଶିଙ୍ଗା, ତୂରୀ, କରତାଳ, ନେବଲ ଓ ବୀଣା ବଜାଇ ସମଗ୍ର ଇସ୍ରାଏଲ ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ଆଣିଲେ।
\s5
\v 29 ପୁଣି, ଦାଉଦ-ନଗରରେ ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ଉପସ୍ଥିତ ହୁଅନ୍ତେ, ଶାଉଲଙ୍କ କନ୍ୟା ମୀଖଲ ଝରକା ବାଟେ ଅନାଇ ଦାଉଦ ରାଜାଙ୍କୁ ନୃତ୍ୟ ଓ ଆନନ୍ଦ କରିବାର ଦେଖିଲା, ତହିଁରେ ସେ ମନେ ମନେ ତାଙ୍କୁ ତୁଚ୍ଛ କଲା।
\s5
\c 16
\s ତମ୍ବୁ ମଧ୍ୟରେ ନିୟମ ସିନ୍ଦୁକ
\p
\v 1 ଏଥିଉତ୍ତାରେ ସେମାନେ ପରମେଶ୍ୱରଙ୍କ ସିନ୍ଦୁକ ଭିତରକୁ ଆଣି, ଦାଉଦ ତହିଁ ନିମନ୍ତେ ଯେଉଁ ତମ୍ବୁ ସ୍ଥାପନ କରିଥିଲେ, ତହିଁ ମଧ୍ୟରେ ରଖିଲେ; ଆଉ ସେମାନେ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ହୋମବଳି ଓ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କଲେ।
\v 2 ପୁଣି, ଦାଉଦ ହୋମବଳି ଓ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କରିବାର ସମାପ୍ତ କଲା ଉତ୍ତାରେ ସେ ସଦାପ୍ରଭୁଙ୍କ ନାମରେ ଲୋକମାନଙ୍କୁ ଆଶୀର୍ବାଦ କଲେ।
\v 3 ଆଉ ସେ ଇସ୍ରାଏଲର ପ୍ରତ୍ୟେକ ଲୋକକୁ, ପୁରୁଷ ଓ ସ୍ତ୍ରୀ ପ୍ରତି ଜଣଙ୍କୁ ଏକ ଏକ ରୁଟି, ମାଂସର ଏକ ଏକ ଅଂଶ, ଏକ ଏକ ଖଣ୍ଡ ଦ୍ରାକ୍ଷାଚକ୍ତି ପରିବେଷଣ କଲେ।
\s5
\v 4 ଏଉତ୍ତାରେ ସେ ସଦାପ୍ରଭୁଙ୍କ ସିନ୍ଦୁକ ସମ୍ମୁଖରେ ପରିଚର୍ଯ୍ୟା କରିବା ପାଇଁ ଓ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କୁ ସ୍ମରଣ ଓ ଧନ୍ୟବାଦ ଓ ପ୍ରଶଂସା କରିବା ପାଇଁ କେତେକ ଲେବୀୟ ଲୋକଙ୍କୁ ନିଯୁକ୍ତ କଲେ।
\v 5 ସେମାନଙ୍କ ମଧ୍ୟରେ ଆସଫ ପ୍ରଧାନ, ଦ୍ୱିତୀୟ ଜିଖରୀୟ, ଆଉ ଯୀୟୟେଲ, ଶମୀରାମୋତ୍‍, ଯିହୀୟେଲ, ମତ୍ତଥୀୟ, ଇଲୀୟାବ୍‍, ବନାୟ, ଓବେଦ୍‍-ଇଦୋମ ଓ ଯିୟୀୟେଲ୍‍ ପରମେଶ୍ୱରଙ୍କ ନିୟମ-ସିନ୍ଦୁକ ସମ୍ମୁଖରେ ନେବଲ, ବୀଣା ଓ ଆସଫ ଉଚ୍ଚଧ୍ୱନିର କରତାଳ;
\v 6 ଆଉ ବନାୟ ଓ ଯହସୀୟେଲ ଯାଜକମାନେ ତୂରୀ ନିତ୍ୟ ବଜାଇଲେ।
\s5
\v 7 ଆଉ ସେହିଦିନ ଦାଉଦ ପ୍ରଥମେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଧନ୍ୟବାଦ କରିବାର ଭାର ଆସଫ ଓ ତାହାର ଭ୍ରାତୃଗଣର ହସ୍ତରେ ସମର୍ପଣ କଲେ।
\s ଦାଉଦଙ୍କ ପ୍ରଶଂସାର ଗୀତି
\p
\v 8 ସଦାପ୍ରଭୁଙ୍କୁ ଧନ୍ୟବାଦ ଦିଅ, ତାହାଙ୍କ ନାମରେ ପ୍ରାର୍ଥନା କର; ଲୋକମାନଙ୍କ ମଧ୍ୟରେ ତାହାଙ୍କ କ୍ରିୟାସକଳ ଜଣାଅ।
\v 9 ତାହାଙ୍କ ଉଦ୍ଦେଶ୍ୟରେ ଗାନ କର, ତାହାଙ୍କ ଉଦ୍ଦେଶ୍ୟରେ ପ୍ରଶଂସାଗାନ କର; ତୁମ୍ଭେମାନେ ତାହାଙ୍କର ସକଳ ଆଶ୍ଚର୍ଯ୍ୟ କର୍ମ ବିଷୟରେ କଥୋପକଥନ କର।
\s5
\v 10 ତୁମ୍ଭେମାନେ ତାହାଙ୍କ ପବିତ୍ର ନାମରେ ଦର୍ପ କର; ଯେଉଁମାନେ ସଦାପ୍ରଭୁଙ୍କର ଅନ୍ୱେଷଣ କରନ୍ତି, ସେମାନଙ୍କ ଚିତ୍ତ ଆନନ୍ଦିତ ହେଉ।
\v 11 ତୁମ୍ଭେମାନେ ସଦାପ୍ରଭୁଙ୍କର ଓ ତାହାଙ୍କ ଶକ୍ତିର ଅନ୍ୱେଷଣ କର, ସର୍ବଦା ତାହାଙ୍କ ମୁଖର ଅନ୍ୱେଷଣ କର।
\s5
\v 12 ହେ ତାହାଙ୍କ ଦାସ ଇସ୍ରାଏଲର ବଂଶ, ହେ ଯାକୁବର ସନ୍ତାନଗଣ, ତାହାଙ୍କର ମନୋନୀତ ଲୋକ,
\v 13 ତୁମ୍ଭେମାନେ ତାହାଙ୍କ କୃତ ଆଶ୍ଚର୍ଯ୍ୟକ୍ରିୟା, ତାହାଙ୍କ ଅଦ୍ଭୁତ ଲକ୍ଷଣ ଓ ତାହାଙ୍କ ମୁଖନିର୍ଗତ ଶାସନସକଳ ସ୍ମରଣ କର।
\v 14 ସେ ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ୱର ଅଟନ୍ତି; ତାହାଙ୍କର ଶାସନ ସମୁଦାୟ ପୃଥିବୀରେ ପ୍ରଚଳିତ ଅଛି।
\s5
\v 15 ତାହାଙ୍କ ନିୟମ ଚିରକାଳ ସ୍ମରଣ କର, ସେହି ବାକ୍ୟ ସେ ସହସ୍ର ପୁରୁଷ-ପରମ୍ପରା ପ୍ରତି ଆଦେଶ କରିଅଛନ୍ତି;
\v 16 ସେହି ନିୟମ ସେ ଅବ୍ରହାମଙ୍କ ସଙ୍ଗେ କରିଥିଲେ ଓ ସେହି ଶପଥ ସେ ଇସ୍‍ହାକଙ୍କ ପ୍ରତି କରିଥିଲେ;
\v 17 ପୁଣି, ସେ ତାହା ବିଧି ରୂପେ ଯାକୁବଙ୍କ ପ୍ରତି ଅନନ୍ତକାଳୀନ ନିୟମ ରୂପେ ଇସ୍ରାଏଲ ପ୍ରତି ସ୍ଥିର କଲେ।
\v 18 ସଦାପ୍ରଭୁ କହିଲେ, “ଆମ୍ଭେ ତୁମ୍ଭମାନଙ୍କ ଅଧିକାରର ବାଣ୍ଟ ସେହି କିଣାନ ଦେଶ ତୁମ୍ଭକୁ ଦେବା;
\s5
\v 19 ସେହି ସମୟରେ ତୁମ୍ଭେମାନେ କେବଳ ଅଳ୍ପସଂଖ୍ୟକ, ଅତି ଅଳ୍ପ ଲୋକ ଓ ତହିଁ ମଧ୍ୟରେ ପ୍ରବାସୀ ଥିଲ;
\v 20 ଆଉ ସେମାନେ ଏକ ଗୋଷ୍ଠୀରୁ ଅନ୍ୟ ଗୋଷ୍ଠୀ ଓ ଏକ ରାଜ୍ୟରୁ ଅନ୍ୟ ଲୋକମାନଙ୍କ ନିକଟକୁ ଭ୍ରମଣ କଲେ।”
\v 21 ସେ କୌଣସି ଲୋକକୁ ସେମାନଙ୍କ ପ୍ରତି ଉପଦ୍ରବ କରିବାକୁ ଦେଲେ ନାହିଁ; ଆହୁରି ସେ ସେମାନଙ୍କ ସକାଶୁ ରାଜାମାନଙ୍କୁ ଅନୁଯୋଗ କଲେ;
\v 22 କହିଲେ, “ଆମ୍ଭର ଅଭିଷିକ୍ତମାନଙ୍କୁ ସ୍ପର୍ଶ ନ କର ଓ ଆମ୍ଭର ଭବିଷ୍ୟଦ୍‍ବକ୍ତାମାନଙ୍କ ପ୍ରତି କୌଣସି କ୍ଷତି ନ କର।
\s5
\v 23 ହେ ସମୁଦାୟ ପୃଥିବୀ, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କର; ଦିନକୁ ଦିନ ତାହାଙ୍କ କୃତ ପରିତ୍ରାଣ ପ୍ରକାଶ କର।
\v 24 ନାନା ଦେଶୀୟଙ୍କ ମଧ୍ୟରେ ତାହାଙ୍କ ଗୌରବ, ସମୁଦାୟ ଗୋଷ୍ଠୀ ମଧ୍ୟରେ ତାହାଙ୍କର ଆଶ୍ଚର୍ଯ୍ୟକ୍ରିୟା ପ୍ରଚାର କର।
\s5
\v 25 କାରଣ ସଦାପ୍ରଭୁ ମହାନ୍ ଓ ଅତ୍ୟନ୍ତ ପ୍ରଶଂସନୀୟ ଅଟନ୍ତି; ମଧ୍ୟ ସେ ସକଳ ଦେବତା ଅପେକ୍ଷା ଭୟଯୋଗ୍ୟ।
\v 26 କାରଣ, ନାନା ଗୋଷ୍ଠୀୟମାନଙ୍କ ଦେବତାସବୁ ପ୍ରତିମା
\f +
\fr 16:26
\fq ପ୍ରତିମା
\ft କିମ୍ବା ଅବସ୍ତୁ
\f* ମାତ୍ର; ମାତ୍ର ସଦାପ୍ରଭୁ ଆକାଶମଣ୍ଡଳର ସୃଷ୍ଟିକର୍ତ୍ତା।
\v 27 ସମ୍ଭ୍ରମ ଓ ପ୍ରଭାବ ତାହାଙ୍କର ଅଗ୍ରବର୍ତ୍ତୀ, ଶକ୍ତି ଓ ଆହ୍ଲାଦ ତାହାଙ୍କ ସ୍ଥାନରେ ବିଦ୍ୟମାନ।
\s5
\v 28 ହେ ନାନା ଦେଶୀୟ ଗୋଷ୍ଠୀସମୂହ, ସଦାପ୍ରଭୁଙ୍କର କୀର୍ତ୍ତନ କର, ସଦାପ୍ରଭୁଙ୍କ ଗୌରବ ଓ ପରାକ୍ରମର କୀର୍ତ୍ତନ କର।
\v 29 ସଦାପ୍ରଭୁଙ୍କ ନାମର ଯଥୋଚିତ ଗୌରବ କୀର୍ତ୍ତନ କର; ନୈବେଦ୍ୟ ଆଣ ଓ ତାହାଙ୍କ ଛାମୁକୁ ଆସ; ପବିତ୍ରତାର ସୌନ୍ଦର୍ଯ୍ୟରେ ସଦାପ୍ରଭୁଙ୍କର ଭଜନା କର।
\s5
\v 30 ସମୁଦାୟ ପୃଥିବୀ ! ତାହାଙ୍କ ଛାମୁରେ କମ୍ପମାନ ହୁଅ; ଜଗତ ହିଁ ସୁସ୍ଥିର, ତାହା ବିଚଳିତ ନୋହିବ।
\v 31 ଆକାଶମଣ୍ଡଳ ଆନନ୍ଦିତ ହେଉ ଓ ପୃଥିବୀ ଉଲ୍ଲାସ କରୁ; ଆଉ ଲୋକମାନେ ଦେଶସମୂହ ମଧ୍ୟରେ କହନ୍ତୁ, ସଦାପ୍ରଭୁ ରାଜ୍ୟ କରନ୍ତି।
\s5
\v 32 ସମୁଦ୍ର ଓ ତହିଁର ପୂର୍ଣ୍ଣତା ଗର୍ଜ୍ଜନ କରୁ; କ୍ଷେତ୍ର ଓ ତନ୍ମଧ୍ୟସ୍ଥ ସକଳ ଜୟଧ୍ୱନି କରନ୍ତୁ;
\v 33 ସେତେବେଳେ ବନସ୍ଥ ବୃକ୍ଷଶ୍ରେଣୀ ସଦାପ୍ରଭୁଙ୍କ ସମ୍ମୁଖରେ ଆନନ୍ଦରେ ଗାନ କରିବେ, କାରଣ, ସେ ପୃଥିବୀର ବିଚାର କରିବାକୁ ଆସୁଅଛନ୍ତି।
\s5
\v 34 ସଦାପ୍ରଭୁଙ୍କର ଧନ୍ୟବାଦ କର; କାରଣ ସେ ମଙ୍ଗଳମୟ, ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।
\v 35 ଆଉ, ତୁମ୍ଭେମାନେ କୁହ, ହେ ଆମ୍ଭମାନଙ୍କ ପରିତ୍ରାଣର ପରମେଶ୍ୱର, ଆମ୍ଭମାନଙ୍କୁ ତ୍ରାଣ କର, ଆମ୍ଭମାନଙ୍କୁ ସଂଗ୍ରହ କର ଓ ଦେଶୀୟମାନଙ୍କଠାରୁ ଆମ୍ଭମାନଙ୍କୁ ଉଦ୍ଧାର କର, ତହିଁରେ ଆମ୍ଭେମାନେ ତୁମ୍ଭ ପବିତ୍ର ନାମର ଧନ୍ୟବାଦ କରିବା ଓ ତୁମ୍ଭ ପ୍ରଶଂସାରେ ଜୟଧ୍ୱନି କରିବା।”
\s5
\v 36 ଅନାଦି କାଳରୁ ଅନନ୍ତ କାଳ ପର୍ଯ୍ୟନ୍ତ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଧନ୍ୟ ହେଉନ୍ତୁ। ଏଥିରେ ସମଗ୍ର ଲୋକ କହିଲେ, “ଆମେନ୍‍” ଓ ସଦାପ୍ରଭୁଙ୍କର ପ୍ରଶଂସା କଲେ।
\s ସିନ୍ଦୁକ ସମ୍ମୁଖରେ ଉପାସନା
\p
\s5
\v 37 ଏଥିଉତ୍ତାରେ ଦାଉଦ ପ୍ରତିଦିନର ପ୍ରୟୋଜନାନୁସାରେ ସିନ୍ଦୁକ ସମ୍ମୁଖରେ ନିତ୍ୟ ପରିଚର୍ଯ୍ୟା କରିବା ନିମନ୍ତେ ଆସଫକୁ ଓ ତାହାର ଭ୍ରାତୃଗଣକୁ ସଦାପ୍ରଭୁଙ୍କ ନିୟମ ସିନ୍ଦୁକ ସମ୍ମୁଖରେ ରଖିଲେ
\v 38 ଆଉ ଓବେଦ୍‍-ଇଦୋମ ଓ ସେମାନଙ୍କର ଅଠଷଠି ଜଣ ଭ୍ରାତା; ମଧ୍ୟ ଯିଦୂଥୂନର ପୁତ୍ର ଓବେଦ୍‍-ଇଦୋମ, ଆଉ ହୋଷା ଦ୍ୱାରପାଳ ହେଲେ
\v 39 ଆଉ, ଇସ୍ରାଏଲ ପ୍ରତି ଆଦିଷ୍ଟ ସଦାପ୍ରଭୁଙ୍କ ବ୍ୟବସ୍ଥାର ସମସ୍ତ ଲିଖନ-ପ୍ରମାଣେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମବେଦି ଉପରେ ନିତ୍ୟ ପ୍ରାତଃକାଳୀନ ଓ ସନ୍ଧ୍ୟାକାଳୀନ ହୋମବଳି ଉତ୍ସର୍ଗ କରିବା ପାଇଁ
\s5
\v 40 ସାଦୋକ ଯାଜକ ଓ ତାହାର ଯାଜକ ଭ୍ରାତୃଗଣ ଗିବୀୟୋନ୍‍ସ୍ଥ ଉଚ୍ଚସ୍ଥଳୀରେ ସଦାପ୍ରଭୁଙ୍କ ଆବାସ ସମ୍ମୁଖରେ ରହିଲେ;
\v 41 ପୁଣି, ସଦାପ୍ରଭୁଙ୍କ ଦୟା ଅନନ୍ତକାଳସ୍ଥାୟୀ, ଏହେତୁ ତାହାଙ୍କ ଧନ୍ୟବାଦ କରିବା ପାଇଁ ହେମନ ଓ ଯିଦୂଥୂନ୍‍; ପୁଣି, ଯେଉଁ ଅବଶିଷ୍ଟ ମନୋନୀତ ଲୋକମାନଙ୍କ ନାମ ଲେଖାଗଲା, ସେମାନେ ଉକ୍ତ ଲୋକଙ୍କ ସଙ୍ଗେ ରହିଲେ।
\s5
\v 42 ଆଉ, ହେମନ, ଯିଦୂଥୂନ୍‍ ତୂରୀ, କରତାଳ ଓ ପରମେଶ୍ୱରଙ୍କ ଗୀତାର୍ଥକ ବାଦ୍ୟଯନ୍ତ୍ର ବଜାଇବା ପାଇଁ ଉଚ୍ଚଧ୍ୱନିକାରୀମାନଙ୍କ ସଙ୍ଗରେ ରହିଲେ; ଆଉ ଯିଦୂଥୂନର ପୁତ୍ରମାନେ ଦ୍ୱାରପାଳ ହେଲେ।
\v 43 ଏଥିଉତ୍ତାରେ ସମଗ୍ର ଲୋକ ପ୍ରସ୍ଥାନ କରି ଆପଣା ଆପଣା ଗୃହକୁ ଗଲେ; ଆଉ, ଦାଉଦ ଆପଣାର ପରିଜନବର୍ଗକୁ ଆଶୀର୍ବାଦ କରିବା ପାଇଁ ଫେରିଗଲେ।
\s5
\c 17
\s ଦାଉଦଙ୍କୁ ନାଥନ ଭବିଷ୍ୟଦ୍‍ବକ୍ତାଙ୍କ ବାର୍ତ୍ତା
\p
\v 1 ଏଥିଉତ୍ତାରେ ଦାଉଦ ଆପଣା ଗୃହରେ ବାସ କରୁଥିବା ବେଳେ ସେ ନାଥନ ଭବିଷ୍ୟଦ୍‍ବକ୍ତାଙ୍କୁ କହିଲେ, “ଦେଖ, ମୁଁ ଏରସ କାଷ୍ଠନିର୍ମିତ ଗୃହରେ ବାସ କରୁଅଛି, ମାତ୍ର ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ଯବନିକା ମଧ୍ୟରେ ବାସ କରୁଅଛି।”
\v 2 ତହିଁରେ ନାଥନ ଦାଉଦଙ୍କୁ କହିଲେ, “ତୁମ୍ଭ ହୃଦୟରେ ଯାହା ଅଛି, ତାହାସବୁ କର; କାରଣ ପରମେଶ୍ୱର ତୁମ୍ଭ ସଙ୍ଗରେ ଅଛନ୍ତି।”
\s5
\v 3 ଏଉତ୍ତାରେ ସେହି ରାତ୍ରିରେ ପରମେଶ୍ୱରଙ୍କ ବାକ୍ୟ ନାଥନଙ୍କ ନିକଟରେ ଉପସ୍ଥିତ ହେଲା, ଯଥା,
\v 4 ଯାଅ, ଆମ୍ଭ ଦାସ ଦାଉଦକୁ ଜଣାଅ, ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭେ ଆମ୍ଭ ନିମନ୍ତେ ବସତି-ଗୃହ ନିର୍ମାଣ କରିବ ନାହିଁ;
\v 5 କାରଣ ଆମ୍ଭେ ଇସ୍ରାଏଲକୁ ବାହାର କରି ଆଣିବା ଦିନଠାରୁ ଆଜି ପର୍ଯ୍ୟନ୍ତ କୌଣସି ଗୃହରେ ବାସ କରି ନାହୁଁ; ମାତ୍ର ଏ ତମ୍ବୁରୁ ସେ ତମ୍ବୁକୁ ଓ ଏକ ଆବାସରୁ ଅନ୍ୟ ଆବାସକୁ ଯାଇଅଛୁ।
\v 6 ଆମ୍ଭେ ସମୁଦାୟ ଇସ୍ରାଏଲ ସହିତ ଯେଉଁ ସବୁ ସ୍ଥାନରେ ଗମନାଗମନ କଲୁ, ତହିଁ ମଧ୍ୟରୁ କୌଣସି ସ୍ଥାନରେ, ଆମ୍ଭ ଲୋକମାନଙ୍କୁ ପାଳନ କରିବା ପାଇଁ ଯେଉଁମାନଙ୍କୁ ଆଜ୍ଞା କରିଥିଲୁ, ଇସ୍ରାଏଲର ଏପରି କୌଣସି ବିଚାରକର୍ତ୍ତାକୁ, ତୁମ୍ଭେମାନେ କାହିଁକି ଆମ୍ଭ ପାଇଁ ଏରସ କାଷ୍ଠର ଗୃହ ନିର୍ମାଣ କରି ନାହଁ, ଏପରି ଏକ କଥା କ’ଣ ଆମ୍ଭେ କହିଅଛୁ ?
\s5
\v 7 ଏଣୁ ଏବେ ତୁମ୍ଭେ ଆମ୍ଭ ଦାସ ଦାଉଦକୁ ଏପରି କୁହ, ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେ ଯେପରି ଆମ୍ଭ ଲୋକ ଇସ୍ରାଏଲ ଉପରେ ଅଗ୍ରଣୀ ହେବ, ଏଥିପାଇଁ ଆମ୍ଭେ ତୁମ୍ଭକୁ ମେଷଶାଳାରୁ, ମେଷମାନଙ୍କ ପଶ୍ଚାଦ୍‍ଗମନରୁ ଗ୍ରହଣ କଲୁ।
\v 8 ପୁଣି, ତୁମ୍ଭେ ଯେଉଁ ଯେଉଁ ସ୍ଥାନକୁ ଗଲ, ଆମ୍ଭେ ତୁମ୍ଭର ସଙ୍ଗୀ ହେଲୁ ଓ ତୁମ୍ଭ ସମ୍ମୁଖରୁ ତୁମ୍ଭର ସମସ୍ତ ଶତ୍ରୁଙ୍କୁ ଉଚ୍ଛିନ୍ନ କଲୁ; ଆହୁରି ଆମ୍ଭେ ପୃଥିବୀସ୍ଥ ମହାଲୋକମାନଙ୍କ ନାମ ତୁଲ୍ୟ ତୁମ୍ଭର ନାମ କରିବା।
\s5
\v 9 ଆଉ ଆମ୍ଭେ ଆପଣା ଇସ୍ରାଏଲ-ଲୋକମାନଙ୍କ ନିମନ୍ତେ ଗୋଟିଏ ସ୍ଥାନ ନିରୂପଣ କରି ସେମାନଙ୍କୁ ରୋପଣ କରିବା; ତହିଁରେ ସେମାନେ ଆପଣାମାନଙ୍କ ସେହି ସ୍ଥାନରେ ବାସ କରି ଆଉ ଚାଳିତ ନୋହିବେ; କିଅବା ଯେପରି ପୂର୍ବକାଳରେ ଓ ଯେ ସମୟାବଧି
\v 10 ଆମ୍ଭେ ଆପଣା ଲୋକ ଇସ୍ରାଏଲ ଉପରେ ବିଚାରକର୍ତ୍ତୃଗଣକୁ ନିଯୁକ୍ତ କରିଅଛୁ, ସେ ସମୟାବଧି ଯେପରି ହୋଇଅଛି, ସେପରି ଅଧର୍ମର ସନ୍ତାନମାନେ ସେମାନଙ୍କୁ ଆଉ ନାଶ କରିବେ ନାହିଁ; ଆଉ ଆମ୍ଭେ ତୁମ୍ଭର ସମୁଦାୟ ଶତ୍ରୁଙ୍କୁ ଅବନତ କରିବା। ଆହୁରି ଆମ୍ଭେ ତୁମ୍ଭକୁ କହୁଅଛୁ, ସଦାପ୍ରଭୁ ତୁମ୍ଭ ପାଇଁ ଏକ ବଂଶ ସ୍ଥାପନ କରିବେ।
\s5
\v 11 ପୁଣି, ଆପଣା ପିତୃଲୋକଙ୍କ ନିକଟକୁ ତୁମ୍ଭର ଯିବାର ଦିନ ପୂର୍ଣ୍ଣ ହେଲେ, ଆମ୍ଭେ ତୁମ୍ଭ ଉତ୍ତାରେ ତୁମ୍ଭ ପୁତ୍ରମାନଙ୍କ ମଧ୍ୟରୁ ତୁମ୍ଭ ବଂଶ ସ୍ଥାପନ କରିବା ଓ ଆମ୍ଭେ ତାହାର ରାଜ୍ୟ ସ୍ଥିର କରିବା।
\v 12 ସେ ଆମ୍ଭ ନିମନ୍ତେ ଏକ ଗୃହ ନିର୍ମାଣ କରିବ ଓ ଆମ୍ଭେ ତାହାର ସିଂହାସନ ଅନନ୍ତକାଳସ୍ଥାୟୀ କରିବା।
\s5
\v 13 ଆମ୍ଭେ ତାହାର ପିତା ହେବା ଓ ସେ ଆମ୍ଭର ପୁତ୍ର ହେବ; ପୁଣି, ତୁମ୍ଭ ପୂର୍ବବର୍ତ୍ତୀ ଶାସକଙ୍କଠାରୁ(ଶାଉଲ) ଯେପରି ଆମ୍ଭେ ଆପଣା ଦୟା ଦୂର କଲୁ, ସେପରି ତାହାଠାରୁ ଦୂର କରିବା ନାହିଁ;
\v 14 ମାତ୍ର, ଆମ୍ଭେ ଆପଣା ଗୃହରେ ଓ ଆପଣା ରାଜ୍ୟରେ ତାହାକୁ ଅନନ୍ତକାଳ ସ୍ଥିର କରିବା ଓ ତାହାର ସିଂହାସନ ଅନନ୍ତକାଳସ୍ଥାୟୀ ହେବ।”
\v 15 ନାଥନ ଦାଉଦଙ୍କୁ ଏସମସ୍ତ ବାକ୍ୟ ଓ ଦର୍ଶନ ଅନୁସାରେ କଥା କହିଲେ।
\s ଦାଉଦଙ୍କ ଧନ୍ୟବାଦ ପ୍ରାର୍ଥନା
\p
\s5
\v 16 ଏଥିରେ ଦାଉଦ ରାଜା ଭିତରକୁ ଯାଇ ସଦାପ୍ରଭୁଙ୍କ ସମ୍ମୁଖରେ ବସିଲେ ଓ କହିଲେ, “ହେ ସଦାପ୍ରଭୁ ପରମେଶ୍ୱର ! ମୁଁ କିଏ ଓ ମୋହର ବଂଶ ଅବା କି ଯେ, ତୁମ୍ଭେ ମୋତେ ଏପର୍ଯ୍ୟନ୍ତ ଆଣିଅଛ ?
\v 17 ତଥାପି ହେ ପରମେଶ୍ୱର ! ଏହା ତୁମ୍ଭ ଦୃଷ୍ଟିରେ କ୍ଷୁଦ୍ର ବିଷୟ ହେଲା; ଏହେତୁ ତୁମ୍ଭେ ଆପଣା ଦାସର ବଂଶ ବିଷୟରେ ଆଗତ ଦୀର୍ଘ କାଳର କଥା କହିଅଛ, ଆଉ ହେ ସଦାପ୍ରଭୁ ପରମେଶ୍ୱର ! ତୁମ୍ଭେ ମୋତେ ଉଚ୍ଚପଦସ୍ଥ ମନୁଷ୍ୟର ଶ୍ରେଣୀଭୁକ୍ତ ବୋଲି ଜ୍ଞାନ କରିଅଛ।
\v 18 ଏଣୁ ତୁମ୍ଭ ଦାସ ପ୍ରତି କୃତ ସମ୍ମାନ ବିଷୟରେ ଦାଉଦ ତୁମ୍ଭଙ୍କୁ ଆଉ କଅଣ କହିପାରେ ? ତୁମ୍ଭେ ଆପଣା ଦାସକୁ ଜାଣୁଅଛ।
\s5
\v 19 ହେ ସଦାପ୍ରଭୁ ! ତୁମ୍ଭେ ଏହି ସକଳ ମହତ୍‍ ବିଷୟ ଜଣାଇବା ପାଇଁ ଆପଣା ଦାସ ସକାଶେ ଓ ଆପଣା ହୃଦୟାନୁସାରେ ଏହି ସକଳ ମହତ୍‍ କର୍ମ ସାଧନ କରିଅଛ।
\v 20 ହେ ସଦାପ୍ରଭୁ ! ତୁମ୍ଭ ତୁଲ୍ୟ ଆଉ କେହି ନାହିଁ, କିଅବା ଆମ୍ଭେମାନେ ନିଜ କର୍ଣ୍ଣରେ ଯାହା ଶୁଣିଅଛୁ, ତଦନୁସାରେ ତୁମ୍ଭ ଛଡ଼ା ଆଉ ପରମେଶ୍ୱର କେହି ନାହିଁ।
\v 21 ତୁମ୍ଭ ଲୋକ ଇସ୍ରାଏଲ ତୁଲ୍ୟ ପୃଥିବୀରେ ଆଉ କେଉଁ ଗୋଷ୍ଠୀ ଅଛି ? ସେମାନଙ୍କୁ ଆପଣା ଉଦ୍ଦେଶ୍ୟରେ ଏକ ଲୋକ ରୂପେ ମୁକ୍ତ କରିବାକୁ ଓ ମିସରରୁ ମୁକ୍ତ ତୁମ୍ଭର ସେହି ଲୋକମାନଙ୍କ ସମ୍ମୁଖରୁ ନାନା ଗୋଷ୍ଠୀୟମାନଙ୍କୁ ତଡ଼ିଦେଇ ମହତ୍‍ ଓ ଭୟାନକ କର୍ମ ଦ୍ୱାରା ତୁମ୍ଭର ନାମ କରିବାକୁ ପରମେଶ୍ୱର ଆଗମନ କରିଥିଲେ।
\s5
\v 22 ତୁମ୍ଭେ ଆପଣା ଲୋକ ଇସ୍ରାଏଲକୁ ଅନନ୍ତ କାଳ ଆପଣାର ଲୋକ କରିଅଛ, ଆଉ ହେ ସଦାପ୍ରଭୁ ! ତୁମ୍ଭେ ସେମାନଙ୍କର ପରମେଶ୍ୱର ହୋଇଅଛ।
\v 23 ଏବେ ହେ ସଦାପ୍ରଭୁ ! ତୁମ୍ଭେ ଆପଣା ଦାସ ବିଷୟରେ ଓ ତାହାର ବଂଶ ବିଷୟରେ ଯେଉଁ କଥା କହିଅଛ; ତାହା ଅନନ୍ତ କାଳ ସ୍ଥିରୀକୃତ ହେଉ ଓ ତୁମ୍ଭେ ଯେପରି କହିଅଛ, ସେପରି କର।
\v 24 ପୁଣି, ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର, ସେ ଇସ୍ରାଏଲର ସପକ୍ଷ ପରମେଶ୍ୱର ଅଟନ୍ତି ଓ ତୁମ୍ଭ ଦାସ ଦାଉଦର ବଂଶ ତୁମ୍ଭ ସମ୍ମୁଖରେ ସ୍ଥାପିତ ହୋଇଅଛି, ଏହି କଥା ଦ୍ୱାରା ତୁମ୍ଭର ନାମ ଅନନ୍ତ କାଳ ସ୍ଥିରୀକୃତ ଓ ମହତ୍‍ ହେଉ।
\s5
\v 25 କାରଣ, ହେ ମୋହର ପରମେଶ୍ୱର ! ତୁମ୍ଭେ ମୋ’ ପାଇଁ ଏକ ବଂଶ ସ୍ଥାପନ କରିବ ବୋଲି ଆପଣା ଦାସର କର୍ଣ୍ଣଗୋଚର କରିଅଛ; ଏହେତୁ ତୁମ୍ଭ ନିକଟରେ ଏହି ପ୍ରାର୍ଥନା କରିବାକୁ ତୁମ୍ଭ ଦାସ ସାହସ ପାଇଅଛି।
\v 26 ଏବେ ହେ ସଦାପ୍ରଭୁ ! ତୁମ୍ଭେ ହିଁ ପରମେଶ୍ୱର, ପୁଣି, ତୁମ୍ଭେ ଆପଣା ଦାସ ପ୍ରତି ଏହି ମଙ୍ଗଳ ପ୍ରତିଜ୍ଞା କରିଅଛ।
\v 27 ତୁମ୍ଭ ଦାସର ବଂଶ ତୁମ୍ଭ ସମ୍ମୁଖରେ ଅନନ୍ତ କାଳସ୍ଥାୟୀ ହେବା ପାଇଁ ତୁମ୍ଭେ ଅନୁଗ୍ରହ କରି ତାହାକୁ ଆଶୀର୍ବାଦ କରିଅଛ; କାରଣ, ହେ ସଦାପ୍ରଭୁ ! ତୁମ୍ଭେ ଆଶୀର୍ବାଦ କରିଅଛ, ଏଣୁ ତାହା ଅନନ୍ତକାଳ ଆଶୀର୍ବାଦଯୁକ୍ତ ଅଟେ।”
\s5
\c 18
\s ଦାଉଦଙ୍କ ସାମରିକ ବିଜୟ
\p
\v 1 ଏଥିଉତ୍ତାରେ ଦାଉଦ ପଲେଷ୍ଟୀୟମାନଙ୍କୁ ପରାସ୍ତ କରି ନତ କଲେ; ଆଉ ପଲେଷ୍ଟୀୟମାନଙ୍କ ହସ୍ତରୁ ଗାଥ୍‍ ଓ ତହିଁର ଉପନଗରସକଳ ହରଣ କଲେ।
\v 2 ତହିଁ ଉତ୍ତାରେ ସେ ମୋୟାବୀୟମାନଙ୍କୁ ପରାସ୍ତ କଲେ; ତହିଁରେ ମୋୟାବୀୟମାନେ ଦାଉଦଙ୍କର ଦାସ ହୋଇ ଭେଟି ଆଣିଲେ।
\s5
\v 3 ଆହୁରି ସୋବାର ରାଜା ହଦଦେଷର ଫରାତ୍‍ ନଦୀ ନିକଟରେ ଆପଣା ରାଜ୍ୟ ସ୍ଥାପନ କରିବାକୁ ଯିବା ସମୟରେ ଦାଉଦ ତାହାକୁ ହମାତ୍‍ ପର୍ଯ୍ୟନ୍ତ ପରାସ୍ତ କଲେ।
\v 4 ପୁଣି, ଦାଉଦ ତାହାଠାରୁ ଏକ ସହସ୍ର ରଥ ଓ ସାତ ସହସ୍ର ଅଶ୍ୱାରୂଢ଼ ଓ କୋଡ଼ିଏ ସହସ୍ର ପଦାତିକ ସୈନ୍ୟ ନେଲେ; ଆଉ ଦାଉଦ ରଥ-ଅଶ୍ୱ ସମସ୍ତର ଗୋଡ଼-ଶିରା କାଟି ପକାଇଲେ, ମାତ୍ର ତହିଁ ମଧ୍ୟରୁ ଶହେ ରଥ ପାଇଁ ଅଶ୍ୱ ରଖିଲେ;
\s5
\v 5 ଏଉତ୍ତାରେ ଦମ୍ମେଶକର ଅରାମୀୟମାନେ ସୋବାର ରାଜା ହଦଦେଷରକୁ ସାହାଯ୍ୟ କରିବାକୁ ଆସନ୍ତେ, ଦାଉଦ ସେହି ଅରାମୀୟମାନଙ୍କର ବାଇଶ ହଜାର ଲୋକଙ୍କୁ ଆଘାତ କଲେ।
\v 6 ତହୁଁ ଦାଉଦ ଦମ୍ମେଶକର ଅରାମ ଦେଶରେ ପ୍ରହରୀ-ଦଳ ସ୍ଥାପନ କଲେ; ପୁଣି, ଅରାମୀୟ ଲୋକମାନେ ଦାଉଦଙ୍କର ଦାସ ହୋଇ ଭେଟି ଆଣିଲେ। ଏହି ପ୍ରକାରେ ଦାଉଦ ଯେଉଁ ଆଡ଼େ ଗଲେ; ସଦାପ୍ରଭୁ ତାଙ୍କୁ ଜୟ ଦାନ କଲେ।
\s5
\v 7 ଆଉ, ଦାଉଦ ହଦଦେଷରର ଦାସମାନଙ୍କ ସୁବର୍ଣ୍ଣ ଢାଲସବୁ ନେଇ ଯିରୂଶାଲମକୁ ଆଣିଲେ।
\v 8 ପୁଣି, ଦାଉଦ ହଦଦେଷରର ଅଧିକାରସ୍ଥ ଟିଭତ୍‍ ଓ କୂନ୍‍ ନଗରରୁ ଅଧିକ ପରିମାଣର ପିତ୍ତଳ ଆଣିଲେ, ତଦ୍ଦ୍ୱାରା ଶଲୋମନ ପିତ୍ତଳମୟ ସମୁଦ୍ରରୂପ ପାତ୍ର ଓ ଦୁଇ ସ୍ତମ୍ଭ ଓ ପିତ୍ତଳମୟ ପାତ୍ରସକଳ ନିର୍ମାଣ କଲେ।
\s5
\v 9 ଏଥିଉତ୍ତାରେ ଦାଉଦ ସୋବାର ରାଜା ହଦଦେଷରର ସମସ୍ତ ସୈନ୍ୟଦଳକୁ ପରାସ୍ତ କରିଅଛନ୍ତି, ଏହା ହମାତ୍‍ର ରାଜା ତୟି ଶୁଣନ୍ତେ,
\v 10 ଦାଉଦ ରାଜାଙ୍କର ମଙ୍ଗଳବାର୍ତ୍ତା ପଚାରିବା ପାଇଁ ଓ ହଦଦେଷରର ପ୍ରତିକୂଳରେ ଯୁଦ୍ଧ କରି ତାହାକୁ ପରାସ୍ତ କରିବା ସକାଶୁ ତାଙ୍କର ଧନ୍ୟବାଦ କରିବା ପାଇଁ ସେ ଆପଣା ପୁତ୍ର ହଦୋରାମକୁ ତାଙ୍କ ନିକଟକୁ ପଠାଇଲା; ଯେହେତୁ ହଦଦେଷରର ତୟି ସଙ୍ଗେ ଯୁଦ୍ଧ ଥିଲା; ଆଉ ହଦୋରାମ ସହିତ ସୁନା ଓ ରୂପା ଓ ପିତ୍ତଳର ସର୍ବପ୍ରକାର ପାତ୍ର ଥିଲା।
\v 11 ଦାଉଦ ରାଜା ଇଦୋମ ଓ ମୋୟାବ ଓ ଅମ୍ମୋନ ସନ୍ତାନଗଣ ଓ ପଲେଷ୍ଟୀୟଗଣ ଓ ଅମାଲେକ ପ୍ରଭୃତି ସମସ୍ତ ଗୋଷ୍ଠୀଠାରୁ ଯେଉଁ ସୁନା ଓ ରୂପା ଆଣିଥିଲେ ତହିଁ ସଙ୍ଗେ ଏହିସବୁ ହିଁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର କଲେ।
\s5
\v 12 ଆହୁରି ସରୁୟାର ପୁତ୍ର ଅବୀଶୟ ଲବଣ ଉପତ୍ୟକାରେ ଅଠର ହଜାର ଇଦୋମୀୟ ଲୋକଙ୍କୁ ବଧ କଲା।
\v 13 ଆଉ ସେ ଇଦୋମରେ ପ୍ରହରୀ-ଦଳ ସ୍ଥାପନ କଲା; ତହିଁରେ ଇଦୋମୀୟ ସମସ୍ତ ଲୋକ ଦାଉଦଙ୍କର ଦାସ ହେଲେ। ପୁଣି, ଦାଉଦ ଯେଉଁ ଆଡ଼େ ଗଲେ, ସଦାପ୍ରଭୁ ତାଙ୍କୁ ଜୟ ଦାନ କଲେ।
\s5
\v 14 ଏହିରୂପେ ଦାଉଦ ସମଗ୍ର ଇସ୍ରାଏଲ ଉପରେ ରାଜତ୍ୱ କଲେ ଓ ଆପଣାର ସମସ୍ତ ଲୋକଙ୍କ ପ୍ରତି ବିଚାର ଓ ନ୍ୟାୟ କଲେ।
\v 15 ପୁଣି, ସରୁୟାର ପୁତ୍ର ଯୋୟାବ ସୈନ୍ୟ ଉପରେ ପ୍ରଧାନ ଥିଲା; ଆଉ ଅହୀଲୂଦର ପୁତ୍ର ଯିହୋଶାଫଟ୍‍ ଇତିହାସ ଲେଖକ ଥିଲା।
\v 16 ପୁଣି, ଅହୀଟୂବର ପୁତ୍ର ସାଦୋକ ଓ ଅବୀୟାଥରର ପୁତ୍ର ଅହୀମେଲକ୍‍ ଯାଜକ ଥିଲେ; ଆଉ, ଶାବ୍‍ଶା ଲେଖକ ଥିଲା।
\v 17 ପୁଣି, ଯିହୋୟାଦାର ପୁତ୍ର ବନାୟ କରେଥୀୟ ଓ ପଲେଥୀୟମାନଙ୍କ ଉପରେ ନିଯୁକ୍ତ ଥିଲା; ଆଉ ଦାଉଦଙ୍କର ପୁତ୍ରମାନେ ରାଜାଙ୍କର ନିକଟବର୍ତ୍ତୀ ପ୍ରଧାନ ଥିଲେ।
\s5
\c 19
\s ଅମ୍ମୋନୀୟ ଦ୍ୱାରା ଦାଉଦଙ୍କ ଲୋକେ ଲଜ୍ଜିତ
\p
\v 1 ଏଥିଉତ୍ତାରେ ଅମ୍ମୋନ-ସନ୍ତାନଗଣର ରାଜା ନାହଶ୍‍ ମରନ୍ତେ, ତାହାର ପୁତ୍ର ତାହାର ପଦରେ ରାଜା ହେଲା।
\v 2 ତହିଁରେ ଦାଉଦ କହିଲେ, “ମୁଁ ନାହଶର ପୁତ୍ର ହାନୂନ୍‍ ପ୍ରତି ଦୟା ପ୍ରକାଶ କରିବି, କାରଣ, ତାହାର ପିତା ମୋ’ ପ୍ରତି ଦୟା ପ୍ରକାଶ କରିଥିଲା।” ତେଣୁ, ଦାଉଦ ତାହାକୁ ପିତୃଶୋକରୁ ସାନ୍ତ୍ୱନା କରିବା ନିମନ୍ତେ ଦୂତମାନଙ୍କୁ ପଠାଇଲେ। ତହୁଁ ଦାଉଦଙ୍କର ଦାସମାନେ ହାନୂନ୍‍କୁ ସାନ୍ତ୍ୱନା କରିବା ନିମନ୍ତେ ଅମ୍ମୋନ-ସନ୍ତାନଗଣର ଦେଶରେ ତାହା ନିକଟରେ ଉପସ୍ଥିତ ହେଲେ।
\v 3 ମାତ୍ର ଅମ୍ମୋନ-ସନ୍ତାନଗଣର ଅଧିପତିମାନେ ହାନୂନ୍‍କୁ କହିଲେ, “ଦାଉଦ ଆପଣଙ୍କ ନିକଟକୁ ସାନ୍ତ୍ୱନାକାରୀମାନଙ୍କୁ ପଠାଇଅଛି ବୋଲି ସେ ଯେ ଆପଣଙ୍କ ପିତାର ସମ୍ଭ୍ରମ କରୁଅଛି, ଏହା କ’ଣ ଆପଣ ବିଚାର କରନ୍ତି ? ତାହାର ଦାସମାନେ କ’ଣ ଦେଶ ଅନୁସନ୍ଧାନ କରିବାକୁ ଓ ନାଶ କରିବାକୁ ଓ ତହିଁରେ ଭ୍ରମଣ କରିବାକୁ ଆପଣଙ୍କ ନିକଟକୁ ଆସି ନାହାନ୍ତି ?”
\s5
\v 4 ତହିଁରେ ହାନୂନ୍‍ ଦାଉଦଙ୍କର ଦାସମାନଙ୍କୁ ଧରି ସେମାନଙ୍କୁ କ୍ଷୌର କଲା ଓ ସେମାନଙ୍କ ପିଚା ପାଖ ବସ୍ତ୍ର ମଝିରୁ କାଟି-ପକାଇ ସେମାନଙ୍କୁ ବିଦାୟ କରି ଦେଲା।
\v 5 ଏଥିରେ ସେହି ଲୋକମାନଙ୍କ ପ୍ରତି ଯେପ୍ରକାର ବ୍ୟବହାର କରାଗଲା, ତାହା କେହି ଯାଇ ଦାଉଦଙ୍କୁ ଜଣାନ୍ତେ, ସେ ସେମାନଙ୍କୁ ଭେଟିବା ପାଇଁ ଲୋକ ପଠାଇଲେ; କାରଣ, ସେମାନେ ଅତିଶୟ ଲଜ୍ଜିତ ଥିଲେ। ପୁଣି, ରାଜା କହିଲେ, “ତୁମ୍ଭମାନଙ୍କ ଦାଢ଼ି ବଢ଼ିବା ପର୍ଯ୍ୟନ୍ତ ଯିରୀହୋରେ ଥାଅ, ତହିଁ ଉତ୍ତାରେ ଫେରିଆସ।”
\s5
\v 6 ଏଥିରେ ଅମ୍ମୋନ-ସନ୍ତାନଗଣ ଆପଣାମାନଙ୍କୁ ଦାଉଦଙ୍କ ସମ୍ମୁଖରେ ଦୁର୍ଗନ୍ଧ ସ୍ୱରୂପ କରିଥିବାର ଦେଖନ୍ତେ, ହାନୂନ୍‍ ଓ ଅମ୍ମୋନ-ସନ୍ତାନଗଣ ଅରାମନହରୟିମ୍‍ ଓ ଅରାମ-ମାଖା ଓ ସୋବାରୁ ରଥ ଓ ଅଶ୍ୱାରୋହୀମାନଙ୍କୁ ବେତନ ଦେଇ ଆଣିବା ପାଇଁ ଏକ ସହସ୍ର ତାଳନ୍ତ
\f +
\fr 19:6
\ft ଏକ ତାଳନ୍ତ ପ୍ରାୟ ୩୩ କିଲୋଗ୍ରାମ୍ ଅଟେ
\f* ରୂପା ପଠାଇଲେ।
\v 7 ତହୁଁ ଲୋକମାନେ ବତିଶ ହଜାର ରଥ ଓ ମାଖାର ରାଜାକୁ ଓ ତାହାର ଲୋକମାନଙ୍କୁ ବେତନ ଦେଇ ଆଣିଲେ; ଏମାନେ ଆସି ମେଦବା ସମ୍ମୁଖରେ ଛାଉଣି ସ୍ଥାପନ କଲେ। ପୁଣି, ଅମ୍ମୋନ-ସନ୍ତାନଗଣ ଆପଣା ଆପଣା ନଗରରୁ ଏକତ୍ରିତ ହୋଇ ଯୁଦ୍ଧ କରିବାକୁ; ଆସିଲେ।
\s5
\v 8 ଆଉ, ଦାଉଦ ଏହା ଶୁଣି ଯୋୟାବକୁ ଓ ବୀର ସୈନ୍ୟ ସମସ୍ତଙ୍କୁ ପଠାଇଲେ।
\v 9 ତହିଁରେ ଅମ୍ମୋନ-ସନ୍ତାନଗଣ ବାହାର ହୋଇ ଆସି ନଗର-ଦ୍ୱାର ନିକଟରେ ଯୁଦ୍ଧ ସାଜିଲେ; ଆଉ ଯେଉଁ ରାଜାମାନେ ଆସିଥିଲେ, ସେମାନେ କ୍ଷେତ୍ରରେ ଅଲଗା ରହିଲେ।
\s ଅମ୍ମୋନୀୟ, ଅରାମୀୟ ପରାଜିତ
\p
\s5
\v 10 ଏହିରୂପେ ଯୋୟାବ ଆପଣା ବିରୁଦ୍ଧରେ ଆଗେ ଓ ପଛେ ଯୁଦ୍ଧ ସଜ୍ଜିତ ହେବାର ଦେଖି ଇସ୍ରାଏଲର ସମୁଦାୟ ବଛା ଲୋକ ମଧ୍ୟରୁ ଲୋକ ବାଛି ଅରାମୀୟମାନଙ୍କ ବିରୁଦ୍ଧରେ ସୈନ୍ୟ ସଜାଇଲା।
\v 11 ଆଉ, ସେ ଅବଶିଷ୍ଟ ଲୋକମାନଙ୍କୁ ଆପଣା ଭ୍ରାତା ଅବୀଶୟ ହସ୍ତରେ ସମର୍ପଣ କଲା; ତହୁଁ ସେମାନେ ଅମ୍ମୋନ-ସନ୍ତାନଗଣ ବିରୁଦ୍ଧରେ ଆପଣାମାନଙ୍କୁ ଯୁଦ୍ଧାର୍ଥେ ସଜାଇଲେ।
\s5
\v 12 ପୁଣି, ସେ କହିଲା, “ଯଦି ଅରାମୀୟମାନେ ମୋ ନିମନ୍ତେ ପ୍ରବଳ ହୁଅନ୍ତି, ତେବେ ତୁମ୍ଭେ ମୋହର ସାହାଯ୍ୟ କରିବ; ମାତ୍ର ଯଦି ଅମ୍ମୋନ-ସନ୍ତାନମାନେ ତୁମ୍ଭ ନିମନ୍ତେ ପ୍ରବଳ ହୁଅନ୍ତି, ତେବେ ମୁଁ ତୁମ୍ଭର ସାହାଯ୍ୟ କରିବି।
\v 13 ବଳବାନ ହୁଅ, ଆମ୍ଭେମାନେ ଆପଣା ଲୋକମାନଙ୍କ ନିମନ୍ତେ ଓ ଆମ୍ଭମାନଙ୍କ ପରମେଶ୍ୱରଙ୍କ ନଗରସମୂହ ନିମନ୍ତେ ଆପଣାମାନଙ୍କୁ ବଳବାନ କରୁ; ତହିଁରେ ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହା ଭଲ, ସେ ତାହା କରନ୍ତୁ।”
\s5
\v 14 ତହିଁରେ ଯୋୟାବ ଓ ତାହାର ସଙ୍ଗୀ ଲୋକମାନେ ଯୁଦ୍ଧ କରିବା ପାଇଁ ଅରାମୀୟମାନଙ୍କ ସମ୍ମୁଖରେ ଉପସ୍ଥିତ ହୁଅନ୍ତେ, ସେମାନେ ତାହା ସମ୍ମୁଖରୁ ପଳାଇଲେ।
\v 15 ଏଥିରେ ଅରାମୀୟମାନଙ୍କୁ ପଳାଇବାର ଦେଖି ଅମ୍ମୋନ-ସନ୍ତାନଗଣ ମଧ୍ୟ ତାହାର ଭ୍ରାତା ଅବୀଶୟ ସମ୍ମୁଖରୁ ପଳାଇ ନଗରରେ ପ୍ରବେଶ କଲେ; ତହୁଁ ଯୋୟାବ ଯିରୂଶାଲମକୁ ଆସିଲା।
\s5
\v 16 ଏଉତ୍ତାରେ ଅରାମୀୟମାନେ ଇସ୍ରାଏଲ ସମ୍ମୁଖରେ ଆପଣାମାନଙ୍କୁ ପରାସ୍ତ ଦେଖି ଦୂତ ପଠାଇ ନଦୀ ସେପାରିସ୍ଥ ଅରାମୀୟମାନଙ୍କୁ ବାହାର କରି ଆଣିଲେ। ହଦଦେଷରର ସେନାପତି ଶୋଫକ୍‍ ସେମାନଙ୍କର ଅଗ୍ରଣୀ ଥିଲା।
\v 17 ତହୁଁ ଦାଉଦଙ୍କୁ ଏହା ଜ୍ଞାତ କରାଯା’ନ୍ତେ, ସେ ସମୁଦାୟ ଇସ୍ରାଏଲକୁ ଏକତ୍ର କରି ଯର୍ଦ୍ଦନ ପାର ହେଲେ, ଆଉ ସେମାନଙ୍କ ନିକଟରେ ଉପସ୍ଥିତ ହୋଇ ସେମାନଙ୍କ ବିରୁଦ୍ଧରେ ଯୁଦ୍ଧ ସଜାଇଲେ। ତହିଁରେ ଦାଉଦ ଅରାମୀୟମାନଙ୍କ ବିରୁଦ୍ଧରେ ଯୁଦ୍ଧ ସଜାନ୍ତେ, ସେମାନେ ତାଙ୍କ ସଙ୍ଗେ ଯୁଦ୍ଧ କଲେ।
\s5
\v 18 ମାତ୍ର, ଅରାମୀୟମାନେ ଇସ୍ରାଏଲ ସମ୍ମୁଖରୁ ପଳାଇଲେ; ପୁଣି, ଦାଉଦ ଅରାମୀୟମାନଙ୍କର ସାତ ସହସ୍ର ରଥାରୂଢ଼ ଓ ଚାଳିଶ ହଜାର ପଦାତିକ ସୈନ୍ୟ ବଧ କଲେ ଓ ସେନାପତି ଶୋଫକ୍‍କୁ ବଧ କଲେ।
\v 19 ତହୁଁ ହଦଦେଷରର ଦାସମାନେ ଇସ୍ରାଏଲ ସମ୍ମୁଖରେ ଆପଣାମାନଙ୍କୁ ପରାସ୍ତ ଦେଖି ଦାଉଦଙ୍କ ସଙ୍ଗେ ସନ୍ଧି କରି ତାଙ୍କର ଦାସ ହେଲେ; ପୁଣି, ଅରାମୀୟମାନେ ଅମ୍ମୋନ ସନ୍ତାନଗଣର ସାହାଯ୍ୟ କରିବାକୁ ଆଉ ସମ୍ମତ ହେଲେ ନାହିଁ।
\s5
\c 20
\s ଦାଉଦଙ୍କ ରବ୍ବା ଅଧିକାର
\p
\v 1 ଏଥିଉତ୍ତାରେ ବର୍ଷର ପରିବର୍ତ୍ତନ ସମୟରେ ରାଜାମାନେ ଯୁଦ୍ଧକୁ ଯିବା ବେଳେ, ଯୋୟାବ ସୈନ୍ୟଦଳ ନେଇ ଅମ୍ମୋନ-ସନ୍ତାନଗଣର ଦେଶ ଉଚ୍ଛିନ୍ନ କଲା ଓ ରବ୍ବାକୁ ଯାଇ ତାହା ଅବରୋଧ କଲା। ମାତ୍ର, ଦାଉଦ ଯିରୂଶାଲମରେ ରହିଲେ। ଏଥି ମଧ୍ୟରେ ଯୋୟାବ ରବ୍ବାକୁ ଆଘାତ କରି ଭୂମିସାତ୍‍ କଲା।
\s5
\v 2 ପୁଣି, ଦାଉଦ ସେମାନଙ୍କ ରାଜାର ମସ୍ତକରୁ ମୁକୁଟ କାଢ଼ି ନେଲେ, ଆଉ ଦେଖିଲେ ଯେ, ତାହା ଏକ ତାଳନ୍ତ
\f +
\fr 20:2
\ft ପ୍ରାୟ ୩୩ କିଲୋଗ୍ରାମ୍ ଅଟେ
\f* ପରିମିତ ସ୍ୱର୍ଣ୍ଣ ଓ ତହିଁରେ ବହୁମୂଲ୍ୟ ପ୍ରସ୍ତରମାନ ଥିଲା। ପୁଣି, ତାହା ଦାଉଦଙ୍କର ମସ୍ତକରେ ଦିଆଗଲା; ଆଉ ସେ ସେହି ନଗରର ପ୍ରଚୁର ଲୁଟ ଦ୍ରବ୍ୟ ବାହାର କରି ଆଣିଲେ।
\v 3 ଆହୁରି, ସେ ତନ୍ମଧ୍ୟବର୍ତ୍ତୀ ଲୋକମାନଙ୍କୁ ବାହାର କରି ଆଣି କରତ ଓ ଲୁହାର ମଇ ଓ କୁହ୍ରାଡ଼ି ଦ୍ୱାରା ଛେଦନ କଲେ। ଏହି ପ୍ରକାରେ ଦାଉଦ ଅମ୍ମୋନ-ସନ୍ତାନଗଣର ସମୁଦାୟ ନଗର ପ୍ରତି କଲେ। ଏଉତ୍ତାରେ ଦାଉଦ ଓ ସମସ୍ତ ଲୋକ ଯିରୂଶାଲମକୁ ଫେରି ଆସିଲେ।
\s ଦୀର୍ଘକାୟ ପଲେଷ୍ଟୀୟଙ୍କ ସଙ୍ଗେ ଯୁଦ୍ଧ
\p
\s5
\v 4 ଏଥିଉତ୍ତାରେ ଗେଷରରେ ପଲେଷ୍ଟୀୟମାନଙ୍କ ସହିତ ଯୁଦ୍ଧ ଲାଗିଲା; ତହିଁରେ ହୂଶାତୀୟ ସିବ୍ବଖୟ ଦୀର୍ଘକାୟ ବଂଶଜାତ ସିପ୍ପୀକୁ ବଧ କଲା, ଯେ ରଫାୟୀମର ଏକ ବଂଶଜ ଥିଲା ପୁଣି ସେମାନେ ପରାସ୍ତ ହେଲେ।
\v 5 ଏଉତ୍ତାରେ ପୁନର୍ବାର ପଲେଷ୍ଟୀୟମାନଙ୍କ ସହିତ ଯୁଦ୍ଧ ହେଲା, ତହିଁରେ ଯାୟୀରର ପୁତ୍ର ଇଲ୍‍ହାନନ୍‍ ତନ୍ତୀର ନରାଜ ତୁଲ୍ୟ ବର୍ଚ୍ଛାଧାରୀ ଗାଥୀୟ ଗଲୀୟାତର ଭ୍ରାତା ଲହମିକୁ ବଧ କଲା।
\s5
\v 6 ଏଉତ୍ତାରେ ପୁନର୍ବାର ଗାଥ୍‍ ନଗରରେ ଯୁଦ୍ଧ ହେଲା, ସେଠାରେ ଅତି ଦୀର୍ଘକାୟ; ପୁଣି, ପ୍ରତି ହସ୍ତ ଓ ପାଦରେ ଛଅ ଛଅ ଅଙ୍ଗୁଳି, ସର୍ବସୁଦ୍ଧା ଚବିଶ ଅଙ୍ଗୁଳିବିଶିଷ୍ଟ ଏକ ଜଣ ଥିଲା; ସେ ମଧ୍ୟ ଦୀର୍ଘକାୟ-ବଂଶଜାତ।
\v 7 ପୁଣି, ସେ ଇସ୍ରାଏଲକୁ ତୁଚ୍ଛ କରନ୍ତେ, ଦାଉଦଙ୍କର ଭ୍ରାତା ଶିମୀୟର ପୁତ୍ର ଯୋନାଥନ ତାହାକୁ ବଧ କଲା।
\v 8 ଏମାନେ ଗାଥ୍‍ ନଗରରେ ଦୀର୍ଘକାୟ ବଂଶରେ ଜନ୍ମିଥିଲେ; ଏମାନେ ଦାଉଦଙ୍କ ହସ୍ତରେ ଓ ତାଙ୍କର ଦାସମାନଙ୍କ ହସ୍ତରେ ବଧ ହେଲେ।
\s5
\c 21
\s ଦାଉଦଙ୍କ ଜନଗଣନା ଏବଂ ମହାମାରୀ
\p
\v 1 ଏଥିଉତ୍ତାରେ ଶୟତାନ ଇସ୍ରାଏଲ ପ୍ରତିକୂଳରେ ଠିଆ ହୋଇ ଇସ୍ରାଏଲକୁ ଗଣନା କରିବା ପାଇଁ ଦାଉଦଙ୍କୁ ପ୍ରବର୍ତ୍ତାଇଲା।
\v 2 ତହିଁରେ ଦାଉଦ ଯୋୟାବକୁ ଓ ଲୋକମାନଙ୍କ ଅଧିପତିମାନଙ୍କୁ କହିଲେ, ଯାଅ, ବେର୍‍ଶେବାଠାରୁ ଦାନ୍‍ ପର୍ଯ୍ୟନ୍ତ ଇସ୍ରାଏଲକୁ ଗଣନା କରି ମୋ’ ନିକଟକୁ ସମ୍ବାଦ ଆଣ, ତହିଁରେ ମୁଁ ସେମାନଙ୍କର ସଂଖ୍ୟା ଜାଣିବି।
\v 3 ଏଥିରେ ଯୋୟାବ କହିଲା, “ଏବେ ଯେତେ ଅଛନ୍ତି, ସଦାପ୍ରଭୁ ତହିଁର ଶତଗୁଣ ଅଧିକ ଆପଣା ଲୋକଙ୍କୁ ବୃଦ୍ଧି କରନ୍ତୁ; ମାତ୍ର, ହେ ମୋ’ ପ୍ରଭୁ ମହାରାଜ, ସେହି ସମସ୍ତେ କ’ଣ ମୋ’ ପ୍ରଭୁଙ୍କର ଦାସ ନୁହଁନ୍ତି ? କାହିଁକି ମୋ’ ପ୍ରଭୁ ଏହା କରିବାକୁ ଚାହୁଁ ଅଛନ୍ତି ? କାହିଁକି ସେ ଇସ୍ରାଏଲର ଅପରାଧର କାରଣ ହେବେ ?”
\s5
\v 4 ତଥାପି ଯୋୟାବ ପ୍ରତି ରାଜାଙ୍କର ବାକ୍ୟ ପ୍ରବଳ ହେଲା। ଏହେତୁ ଯୋୟାବ ପ୍ରସ୍ଥାନ କରି ସମୁଦାୟ ଇସ୍ରାଏଲ ମଧ୍ୟରେ ଭ୍ରମଣ କରି ଯିରୂଶାଲମରେ ଉପସ୍ଥିତ ହେଲା।
\v 5 ପୁଣି, ଯୋୟାବ ଦାଉଦଙ୍କ ନିକଟରେ ଗଣିତ ଲୋକମାନଙ୍କର ସଂଖ୍ୟା ସମର୍ପଣ କଲା। ତହିଁରେ ସମସ୍ତ ଇସ୍ରାଏଲର ଏଗାର ଲକ୍ଷ ଖଡ୍ଗଧାରୀ ଲୋକ ଓ ଯିହୁଦାର ଚାରି ଲକ୍ଷ ସତୁରି ହଜାର ଖଡ୍ଗଧାରୀ ଲୋକ ଥିଲେ।
\s5
\v 6 ମାତ୍ର, ସେ ସେମାନଙ୍କ ମଧ୍ୟରେ ଲେବୀ ଓ ବିନ୍ୟାମୀନ୍-ଲୋକମାନଙ୍କୁ ଗଣନା କଲା ନାହିଁ; କାରଣ, ଯୋୟାବ ପ୍ରତି ରାଜାଙ୍କର ବାକ୍ୟ ଘୃଣାଯୋଗ୍ୟ ଥିଲା।
\v 7 ଆଉ, ପରମେଶ୍ୱର ଏହି କାର୍ଯ୍ୟରେ ଅସନ୍ତୁଷ୍ଟ ହେଲେ; ଏହେତୁ ସେ ଇସ୍ରାଏଲକୁ ଆଘାତ କଲେ।
\v 8 ତହୁଁ ଦାଉଦ ପରମେଶ୍ୱରଙ୍କୁ କହିଲେ, “ଏହି କର୍ମ କରିବାରେ ମୁଁ ମହାପାପ କରିଅଛି; ମାତ୍ର, ଏବେ ମୁଁ ବିନୟ କରୁଅଛି, ନିଜ ଦାସର ଅପରାଧ କ୍ଷମା କର; କାରଣ, ମୁଁ ଅତି ମୂର୍ଖର କର୍ମ କରିଅଛି।”
\s5
\v 9 ଏଥିରେ ସଦାପ୍ରଭୁ ଦାଉଦଙ୍କର ଦର୍ଶକ ଗାଦ୍‍କୁ କହିଲେ,
\v 10 “ଯାଅ, ଦାଉଦକୁ କୁହ, ‘ସଦାପ୍ରଭୁ ଏହି କଥା କହନ୍ତି, ଆମ୍ଭେ ତୁମ୍ଭ ଆଗରେ ତିନି କଥା ରଖୁଅଛୁ; ତହିଁ ମଧ୍ୟରୁ ଆପଣା ପାଇଁ ଗୋଟିଏ ମନୋନୀତ କର, ତାହା ହିଁ ଆମ୍ଭେ ତୁମ୍ଭ ପ୍ରତି କରିବୁ।’”
\s5
\v 11 ତହିଁରେ ଗାଦ୍‍ ଦାଉଦଙ୍କ ନିକଟକୁ ଆସି ତାଙ୍କୁ କହିଲା, “ସଦାପ୍ରଭୁ ଏହି କଥା କହନ୍ତି, ଯାହା ତୁମ୍ଭର ଇଚ୍ଛା, ତାହା ଗ୍ରହଣ କର;
\v 12 ତିନି ବର୍ଷ ଦୁର୍ଭିକ୍ଷ ହେବ; ଅବା ତୁମ୍ଭେ ଆପଣା ବିପକ୍ଷମାନଙ୍କ ସମ୍ମୁଖରେ ତିନି ମାସ ପର୍ଯ୍ୟନ୍ତ କ୍ଷୀଣ ହୁଅନ୍ତେ, ତୁମ୍ଭ ଶତ୍ରୁମାନଙ୍କ ଖଡ୍ଗ ତୁମ୍ଭକୁ ଧରିବ; କିଅବା ତିନି ଦିନ ପର୍ଯ୍ୟନ୍ତ ସଦାପ୍ରଭୁଙ୍କ ଖଡ୍ଗ ଭ୍ରମଣ କରିବ, ଅର୍ଥାତ୍‍, ଦେଶରେ ମହାମାରୀ ହେବ ଓ ଇସ୍ରାଏଲର ସମସ୍ତ ଅଞ୍ଚଳରେ ସଦାପ୍ରଭୁଙ୍କ ଦୂତ ବିନାଶ କରିବ। ମୋ’ ପ୍ରେରଣକର୍ତ୍ତାଙ୍କୁ ମୁଁ ଫେରି କି ଉତ୍ତର ଦେବି, ତାହା ଏବେ ବିବେଚନା କର।”
\s5
\v 13 ତହିଁରେ ଦାଉଦ ଗାଦ୍‍କୁ କହିଲେ, “ମୁଁ ବଡ଼ ଅସୁବିଧାରେ ପଡ଼ିଲି; ମୁଁ ସଦାପ୍ରଭୁଙ୍କ ହସ୍ତରେ ପଡ଼େ, କାରଣ, ତାହାଙ୍କର ଦୟା ଅତି ପ୍ରଚୁର; ମାତ୍ର, ମୁଁ ମନୁଷ୍ୟ ହସ୍ତରେ ନ ପଡ଼େ।”
\v 14 ତହୁଁ ସଦାପ୍ରଭୁ ଇସ୍ରାଏଲ ଉପରେ ମହାମାରୀ ପଠାଇଲେ; ତହିଁରେ ଇସ୍ରାଏଲ ମଧ୍ୟରୁ ସତୁରି ହଜାର ଲୋକ ମଲେ।
\v 15 ଏଉତ୍ତାରେ ପରମେଶ୍ୱର ଯିରୂଶାଲମ ବିନାଶ କରିବା ପାଇଁ ସେଠାକୁ ଦୂତ ପଠାଇଲେ; ଆଉ ସେ ବିନାଶ କରିବାକୁ ଉଦ୍ୟତ ହେବା ସମୟରେ ସଦାପ୍ରଭୁ ଦୃଷ୍ଟିପାତ କଲେ ଓ ସେହି ବିପଦ ସକାଶୁ ଦୁଃଖିତ ହୋଇ ସେହି ବିନାଶକ ଦୂତକୁ କହିଲେ, “ଯଥେଷ୍ଟ ହେଲା ! ଏବେ ତୁମ୍ଭ ହସ୍ତ ସଙ୍କୁଚିତ କର।” ତେବେ ସଦାପ୍ରଭୁଙ୍କ ସେହି ଦୂତ ଯିବୂଷୀୟ ଅରଣନର ଶସ୍ୟମର୍ଦ୍ଦନ ସ୍ଥାନ ନିକଟରେ ଠିଆ ହେଲା।
\s5
\v 16 ତହୁଁ ଦାଉଦ ଅନାଇ ସଦାପ୍ରଭୁଙ୍କ ଦୂତକୁ ପୃଥିବୀ ଓ ଆକାଶ ମଧ୍ୟରେ ଠିଆ ହୋଇ ଆପଣା ହସ୍ତରେ ନିଷ୍କୋଷ ଖଡ୍ଗ ଯିରୂଶାଲମ ଉପରେ ପ୍ରସାରିତ କରିଥିବାର ଦେଖିଲେ। ସେତେବେଳେ ଅଖାବସ୍ତ୍ର ପରିହିତ ଦାଉଦ ଓ ପ୍ରାଚୀନମାନେ ମୁହଁ ମାଡ଼ି ପଡ଼ିଲେ।
\v 17 ପୁଣି, ଦାଉଦ ପରମେଶ୍ୱରଙ୍କୁ କହିଲେ, “ଲୋକ ଗଣନା କରିବାକୁ ଯେ ଆଜ୍ଞା ଦେଲା, ସେ କ’ଣ ମୁଁ ନୁହେଁ ? ମୁଁ ସିନା ପାପ କରିଅଛି ଓ ଅତି ଦୁଷ୍କର୍ମ କରିଅଛି; ମାତ୍ର ଏହି ମେଷଗଣ କଅଣ କଲେ ? ବିନୟ କରୁଅଛି, ହେ ସଦାପ୍ରଭୁ ଆମ୍ଭ ପରମେଶ୍ୱର, ତୁମ୍ଭ ହସ୍ତ ମୋ’ ବିରୁଦ୍ଧରେ ଓ ମୋ’ ପିତୃଗୃହ ପ୍ରତିକୂଳରେ ହେଉ, ମାତ୍ର, ତୁମ୍ଭର ଲୋକମାନଙ୍କୁ ପ୍ରହାର କରିବା ପାଇଁ ସେମାନଙ୍କ ପ୍ରତିକୂଳରେ ନ ହେଉ।”
\s ଦାଉଦଙ୍କ ଯଜ୍ଞବେଦି
\p
\s5
\v 18 ସେତେବେଳେ ସଦାପ୍ରଭୁଙ୍କ ଦୂତ ଦାଉଦଙ୍କୁ କହିବା ପାଇଁ ଗାଦ୍‍କୁ ଆଜ୍ଞା କଲେ ଯେ, ଦାଉଦ ଯାଇ ଯିବୂଷୀୟ ଅରଣନର ଶସ୍ୟମର୍ଦ୍ଦନ ସ୍ଥାନରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ଯଜ୍ଞବେଦି ସ୍ଥାପନ କରୁ।
\v 19 ତହୁଁ ସଦାପ୍ରଭୁଙ୍କ ନାମରେ କଥିତ ଗାଦ୍‍ର ବାକ୍ୟାନୁସାରେ ଦାଉଦ ଗଲେ।
\v 20 ସେତେବେଳେ ଅରଣନ ଗହମ ମଳୁଥିଲା; ପୁଣି, ସେ ମୁଖ ଫେରାଇ ଦୂତଙ୍କୁ ଦେଖିଲା; ତହୁଁ ତାହାର ସଙ୍ଗେ ଥିବା ଚାରି ପୁତ୍ର ଲୁଚିଲେ।
\s5
\v 21 ଆଉ ଦାଉଦ ଅରଣନ ନିକଟକୁ ଆସୁ ଆସୁ ଅରଣନ ଅନାଇ ଦାଉଦଙ୍କୁ ଦେଖନ୍ତେ, ଶସ୍ୟମର୍ଦ୍ଦନ ସ୍ଥାନରୁ ବାହାରି ଆସି ଦାଉଦଙ୍କ ନିକଟରେ ମୁହଁ ମାଡ଼ି ଭୂମିଷ୍ଠ ପ୍ରଣାମ କଲା।
\v 22 ତେବେ ଦାଉଦ ଅରଣନକୁ କହିଲେ, “ମୋତେ ଏହି ଶସ୍ୟମର୍ଦ୍ଦନ ସ୍ଥାନ ଦିଅ, ମୁଁ ତହିଁରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ଯଜ୍ଞବେଦି ନିର୍ମାଣ କରିବି; ସମ୍ପୂର୍ଣ୍ଣ ମୂଲ୍ୟ ନେଇ ତାହା ମୋତେ ଦିଅ; ତହିଁରେ ଲୋକମାନଙ୍କ ମଧ୍ୟରୁ ମହାମାରୀ ନିବୃତ୍ତ ହେବ।”
\s5
\v 23 ତହୁଁ ଅରଣନ ଦାଉଦଙ୍କୁ କହିଲା, “ନିଅନ୍ତୁ, ମୋ’ ପ୍ରଭୁ ମହାରାଜଙ୍କୁ ଯାହା ଭଲ ଦିଶେ, ତାହା କରନ୍ତୁ; ଦେଖନ୍ତୁ, ମୁଁ ହୋମବଳି ନିମନ୍ତେ ଏହି ବୃଷସବୁ ଓ କାଷ୍ଠ ନିମନ୍ତେ ଏହି ମର୍ଦ୍ଦନ ଯନ୍ତ୍ର ଓ ଭକ୍ଷ୍ୟ-ନୈବେଦ୍ୟ ନିମନ୍ତେ ଏହି ଗହମ ଦେଉଅଛି; ମୁଁ ସବୁ ଦେଉଅଛି।”
\v 24 ଏଥିରେ ଦାଉଦ ରାଜା ଅରଣନକୁ କହିଲେ, “ନା; ମାତ୍ର ମୁଁ ଅବଶ୍ୟ ପୂର୍ଣ୍ଣ ମୂଲ୍ୟ ଦେଇ ତାହା କିଣିବି; କାରଣ, ଯାହା ତୁମ୍ଭର, ତାହା ମୁଁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନେବି ନାହିଁ, କିଅବା ବିନାମୂଲ୍ୟର ହୋମବଳି ଉତ୍ସର୍ଗ କରିବି ନାହିଁ।”
\s5
\v 25 ତହୁଁ ଦାଉଦ ସେହି ସ୍ଥାନ ନିମନ୍ତେ ଛଅ ଶହ ଶେକଲ
\f +
\fr 21:25
\ft ଏକ ଶେକଲ ୧୧ ଗ୍ରାମ୍ ଅଟେ
\f* ସୁନା ତୌଲ କରି ଅରଣନକୁ ଦେଲେ।
\v 26 ପୁଣି, ଦାଉଦ ସେହି ସ୍ଥାନରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ଯଜ୍ଞବେଦି ନିର୍ମାଣ କରି ହୋମବଳି ଓ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କଲେ, ଆଉ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କଲେ; ତହିଁରେ ସେ ହୋମବଳିର ବେଦି ଉପରେ ଅଗ୍ନି ଦ୍ୱାରା ଆକାଶରୁ ତାଙ୍କୁ ଉତ୍ତର ଦେଲେ।
\v 27 ପୁଣି, ସଦାପ୍ରଭୁ ଦୂତଙ୍କୁ ଆଜ୍ଞା କଲେ; ତହିଁରେ ସେ ଆପଣା ଖଡ୍ଗ ପୁନର୍ବାର ତହିଁର କୋଷରେ ରଖିଲା।
\s5
\v 28 ସେତେବେଳେ ସଦାପ୍ରଭୁ ଯିବୂଷୀୟ ଅରଣନର ଶସ୍ୟମର୍ଦ୍ଦନ ସ୍ଥାନରେ ଉତ୍ତର ଦେବାର ଦେଖି ଦାଉଦ ସେହି ସ୍ଥାନରେ ବଳିଦାନ କଲେ।
\v 29 କାରଣ, ପ୍ରାନ୍ତରରେ ମୋଶାଙ୍କ ନିର୍ମିତ ସଦାପ୍ରଭୁଙ୍କ ଆବାସ ଓ ହୋମବଳିର ବେଦି ସେହି ସମୟରେ ଗିବୀୟୋନ୍‍ସ୍ଥ ଉଚ୍ଚସ୍ଥଳୀରେ ଥିଲା।
\v 30 ମାତ୍ର, ଦାଉଦ ପରମେଶ୍ୱରଙ୍କୁ ପଚାରିବା ପାଇଁ ତହିଁ ସମ୍ମୁଖକୁ ଯାଇ ପାରିଲେ ନାହିଁ; କାରଣ, ସେ ସଦାପ୍ରଭୁଙ୍କ ଦୂତର ଖଡ୍ଗ ସକାଶୁ ଭୀତ ହୋଇଥିଲେ।
\s5
\c 22
\p
\v 1 ସେତେବେଳେ ଦାଉଦ କହିଲେ, “ଏହି ଗୃହ ସଦାପ୍ରଭୁ ପରମେଶ୍ୱରଙ୍କର ଓ ଏହି ହୋମବଳିର ବେଦି ଇସ୍ରାଏଲର।”
\s ମନ୍ଦିର ନିର୍ମାଣ ନିମନ୍ତେ ପ୍ରସ୍ତୁତି
\p
\v 2 ଏଥିଉତ୍ତାରେ ଦାଉଦ ଇସ୍ରାଏଲ-ଦେଶସ୍ଥ ବିଦେଶୀମାନଙ୍କୁ ଏକତ୍ର କରିବାକୁ ଆଜ୍ଞା ଦେଲେ; ପୁଣି, ପରମେଶ୍ୱରଙ୍କ ଗୃହ ନିର୍ମାଣ କରିବା ପାଇଁ ଖୋଦିତ ପ୍ରସ୍ତର ପ୍ରସ୍ତୁତ କରିବାକୁ ରାଜମିସ୍ତ୍ରୀମାନଙ୍କୁ ନିଯୁକ୍ତ କଲେ।
\s5
\v 3 ଆଉ, ଦାଉଦ ଦ୍ୱାର-କବାଟର କଣ୍ଟା ନିମନ୍ତେ ଓ କବ୍‍ଜା ନିମନ୍ତେ ଅଧିକ ପରିମାଣର ଲୁହା ଓ ଅପରିମିତ ଅଧିକ ପରିମାଣର ପିତ୍ତଳ ପ୍ରସ୍ତୁତ କଲେ।
\v 4 ଆଉ, ଅସଂଖ୍ୟ ଏରସ କାଷ୍ଠ ପ୍ରସ୍ତୁତ କଲେ, କାରଣ ସୀଦୋନୀୟ ଓ ସୋରୀୟ ଲୋକମାନେ ଦାଉଦଙ୍କ ନିକଟକୁ ଅଧିକ ପରିମାଣର ଏରସ କାଷ୍ଠ ଆଣିଲେ।
\v 5 ଆଉ ଦାଉଦ କହିଲେ, “ମୋ’ ପୁତ୍ର ଶଲୋମନ ଅଳ୍ପ-ବୟସ୍କ ଓ କୋମଳ, ପୁଣି, ସଦାପ୍ରଭୁଙ୍କ ନିମନ୍ତେ ଯେଉଁ ଗୃହ ନିର୍ମାଣ କରାଯିବ, ତାହା କୀର୍ତ୍ତି ଓ ଗୌରବ ସକାଶୁ ସମଗ୍ର ଦେଶରେ ଅତିଶୟ ପ୍ରତାପାନ୍ୱିତ ହେବ; ଏହେତୁ ମୁଁ ତହିଁ ପାଇଁ ଆୟୋଜନ କରିବି।” ଏହିପରି ଦାଉଦ ଆପଣା ମୃତ୍ୟୁୁ ପୂର୍ବେ ଅଧିକ ପ୍ରଚୁର ପରିମାଣରେ ରୂପେ ଆୟୋଜନ କଲେ।
\s ମନ୍ଦିର ନିର୍ମାଣ ନିମନ୍ତେ ଶଲୋମନଙ୍କୁ ଆଜ୍ଞା
\p
\s5
\v 6 ଏଥିଉତ୍ତାରେ ଦାଉଦ ଆପଣା ପୁତ୍ର ଶଲୋମନଙ୍କୁ ଡକାଇ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ନିମନ୍ତେ ଗୃହ ନିର୍ମାଣ କରିବାକୁ ଆଜ୍ଞା ଦେଲେ।
\v 7 ଆଉ, ଦାଉଦ ଆପଣା ପୁତ୍ର ଶଲୋମନଙ୍କୁ କହିଲେ, “ସଦାପ୍ରଭୁ ଆମ୍ଭ ପରମେଶ୍ୱରଙ୍କ ନାମ ଉଦ୍ଦେଶ୍ୟରେ ଗୋଟିଏ ଗୃହ ନିର୍ମାଣ କରିବା ମୋହର ମନସ୍ଥ ଥିଲା।
\v 8 ମାତ୍ର, ସଦାପ୍ରଭୁଙ୍କର ଏହି ବାକ୍ୟ ମୋ’ ନିକଟରେ ଉପସ୍ଥିତ ହେଲା, ତୁମ୍ଭେ ଅଧିକ ପରିମାଣର ରକ୍ତପାତ ଓ ବଡ଼ ବଡ଼ ଯୁଦ୍ଧ କରିଅଛ; ତୁମ୍ଭେ ଆମ୍ଭ ନାମ ଉଦ୍ଦେଶ୍ୟରେ ଗୃହ ନିର୍ମାଣ କରିବ ନାହିଁ, କାରଣ ତୁମ୍ଭେ ଆମ୍ଭ ସାକ୍ଷାତରେ ଭୂମିରେ ଅଧିକ ପରିମାଣର ରକ୍ତପାତ କରିଅଛ।
\s5
\v 9 ଦେଖ, ତୁମ୍ଭର ଏକ ପୁତ୍ର ଜାତ ହେବ, ସେ ବିଶ୍ରାମପ୍ରାପ୍ତ ମନୁଷ୍ୟ ହେବ; ପୁଣି, ଆମ୍ଭେ ତାହାର ଚତୁର୍ଦ୍ଦିଗସ୍ଥ ସମସ୍ତ ଶତ୍ରୁଠାରୁ ତାହାକୁ ବିଶ୍ରାମ ଦେବା; କାରଣ ତାହାର ନାମ ଶଲୋମନ ହେବ ଓ ଆମ୍ଭେ ତାହାର ସମୟରେ ଇସ୍ରାଏଲକୁ ଶାନ୍ତି ଓ ନିର୍ବିଘ୍ନତା ଦେବା;
\v 10 ସେ ଆମ୍ଭ ନାମ ପାଇଁ ଗୃହ ନିର୍ମାଣ କରିବ; ସେ ଆମ୍ଭର ପୁତ୍ର ହେବ ଓ ଆମ୍ଭେ ତାହାର ପିତା ହେବା; ପୁଣି, ଆମ୍ଭେ ଇସ୍ରାଏଲ ଉପରେ ତାହାର ରାଜସିଂହାସନ ଅନନ୍ତ କାଳ ସ୍ଥାପନ କରିବା।
\s5
\v 11 ଏବେ ହେ ମୋହର ପୁତ୍ର, ସଦାପ୍ରଭୁ ତୁମ୍ଭର ସହବର୍ତ୍ତୀ ହେଉନ୍ତୁ; ତୁମ୍ଭେ କୃତକାର୍ଯ୍ୟ ହୁଅ ଓ ତୁମ୍ଭ ବିଷୟରେ ଉକ୍ତ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ବାକ୍ୟାନୁସାରେ ତାହାଙ୍କର ଗୃହ ନିର୍ମାଣ କର।
\v 12 କେବଳ ସଦାପ୍ରଭୁ ତୁମ୍ଭକୁ ବୁଦ୍ଧି ଓ ବିବେଚନା ଦିଅନ୍ତୁ ଓ ଇସ୍ରାଏଲ ଉପରେ ତୁମ୍ଭକୁ ନିଯୁକ୍ତ କରନ୍ତୁ; ତାହାହେଲେ, ତୁମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କର ବ୍ୟବସ୍ଥା ପାଳନ କରି ପାରିବ।
\v 13 ସଦାପ୍ରଭୁ ଇସ୍ରାଏଲ ନିମନ୍ତେ ମୋଶାଙ୍କୁ ଯେଉଁ ଯେଉଁ ବିଧି ଓ ଶାସନ ଦେଇଅଛନ୍ତି, ସେହିସବୁ ଯଦି ତୁମ୍ଭେ ପାଳିବାକୁ ମନୋଯୋଗ କରିବ, ତେବେ ତୁମ୍ଭେ କୃତକାର୍ଯ୍ୟ ହେବ; ବଳବାନ ଓ ସାହସିକ ହୁଅ; ଭୀତ କି ନିରାଶ ନ ହୁଅ।
\s5
\v 14 ଆଉ ଦେଖ, ମୁଁ ଆପଣା କଷ୍ଟରେ ସଦାପ୍ରଭୁଙ୍କ ଗୃହ ନିମନ୍ତେ ଏକ ଲକ୍ଷ ତାଳନ୍ତ ସୁନା ଓ ଦଶ ଲକ୍ଷ ତାଳନ୍ତ ରୂପା; ଆଉ ଅପରିମିତ ଅଧିକ ପରିମାଣର ପିତ୍ତଳ ଓ ଲୁହା ଆୟୋଜନ କରିଅଛି; ମଧ୍ୟ କଡ଼ି ଓ ପ୍ରସ୍ତର ପ୍ରସ୍ତୁତ କରିଅଛି, ତୁମ୍ଭେ ସେଥିରେ ଆହୁରି ଯୋଗ କରିବ।
\s5
\v 15 ଆହୁରି, ତୁମ୍ଭ ନିକଟରେ ଅନେକ ଶିଳ୍ପକାର ଓ ପଥର-କଟାଳି, ପୁଣି, ପଥର ଓ କାଷ୍ଠର କର୍ମକାର ଓ ସର୍ବ ପ୍ରକାର କର୍ମରେ ବହୁତ ନିପୁଣ ଲୋକ ଅଛନ୍ତି;
\v 16 ସୁନା, ରୂପା ଓ ପିତ୍ତଳ ଓ ଲୁହାର କିଛି ସଂଖ୍ୟା ନାହିଁ; ଉଠ, କର୍ମ କର ଓ ସଦାପ୍ରଭୁ ତୁମ୍ଭର ସହବର୍ତ୍ତୀ ହେଉନ୍ତୁ।”
\s5
\v 17 ମଧ୍ୟ ଦାଉଦ ଇସ୍ରାଏଲର ସମସ୍ତ ଅଧିପତିଙ୍କୁ ଆପଣା ପୁତ୍ର ଶଲୋମନଙ୍କର ସାହାଯ୍ୟ କରିବାକୁ ଆଜ୍ଞା ଦେଇ କହିଲେ,
\v 18 “ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର କ’ଣ ତୁମ୍ଭମାନଙ୍କର ସହବର୍ତ୍ତୀ ନୁହଁନ୍ତି ? ଓ ସେ କ’ଣ ଚତୁର୍ଦ୍ଦିଗରେ ତୁମ୍ଭମାନଙ୍କୁ ବିଶ୍ରାମ ଦେଇ ନାହାନ୍ତି ? ସେ ଦେଶ ନିବାସୀମାନଙ୍କୁ ମୋ’ ହସ୍ତରେ ସମର୍ପଣ କରିଅଛନ୍ତି; ଆଉ ସଦାପ୍ରଭୁଙ୍କ ଓ ତାହାଙ୍କ ଲୋକମାନଙ୍କ ସମ୍ମୁଖରେ ଦେଶ ବଶୀଭୂତ ରହିଅଛି।
\v 19 ଏଣୁ, ଏବେ ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କର ଅନ୍ୱେଷଣ କରିବା ପାଇଁ ଆପଣା ଆପଣା ଅନ୍ତଃକରଣ ଓ ପ୍ରାଣ ନିବେଶ କର; ଆଉ ଉଠ, ସଦାପ୍ରଭୁଙ୍କ ନାମ ଉଦ୍ଦେଶ୍ୟରେ ଯେଉଁ ଗୃହ ନିର୍ମିତ ହେବ, ସେଠାକୁ ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ଓ ପରମେଶ୍ୱରଙ୍କ ପବିତ୍ର ପାତ୍ରସକଳ ଆଣିବା ପାଇଁ ସଦାପ୍ରଭୁ ପରମେଶ୍ୱରଙ୍କର ଆବାସ ନିର୍ମାଣ କର।”
\s5
\c 23
\p
\v 1 ଏଥିଉତ୍ତାରେ ଦାଉଦ ବୃଦ୍ଧ ଓ ପୂର୍ଣ୍ଣାୟୁ ହେଲେ ଓ ସେ ଆପଣା ପୁତ୍ର ଶଲୋମନଙ୍କୁ ଇସ୍ରାଏଲ ଉପରେ ରାଜା କଲେ।
\s ଲେବୀୟମାନଙ୍କର କାର୍ଯ୍ୟ
\p
\v 2 ଆଉ ସେ ଇସ୍ରାଏଲର ସମସ୍ତ ଅଧିପତିଙ୍କୁ ଓ ଯାଜକମାନଙ୍କୁ ଓ ଲେବୀୟମାନଙ୍କୁ ଏକତ୍ର କଲେ।
\v 3 ତହୁଁ ତିରିଶ ବର୍ଷ ଓ ତହିଁରୁ ଊର୍ଦ୍ଧ୍ୱ ବୟସ୍କ ଲେବୀୟମାନେ ଗଣିତ ହେଲେ; ତହିଁରେ ପ୍ରତ୍ୟେକ ପୁରୁଷର ମସ୍ତକ ଗଣତିରେ ସେମାନେ ଅଠତିରିଶ ହଜାର ହେଲେ।
\s5
\v 4 ସେମାନଙ୍କ ମଧ୍ୟରୁ ଚବିଶ ହଜାର ଲୋକ ସଦାପ୍ରଭୁଙ୍କ ଗୃହର କାର୍ଯ୍ୟ ଚଳାଇବା ପାଇଁ ନିଯୁକ୍ତ ଥିଲେ; ଆଉ ଛଅ ହଜାର ଲୋକ କାର୍ଯ୍ୟଶାସକ ଓ ବିଚାରକର୍ତ୍ତା ଥିଲେ;
\v 5 ଆଉ ଚାରି ହଜାର ଲୋକ ଦ୍ୱାରପାଳ ଥିଲେ; ଆଉ ପ୍ରଶଂସାର୍ଥେ ମୁଁ ଯେଉଁ ବାଦ୍ୟଯନ୍ତ୍ରସବୁ ନିର୍ମାଣ କଲି ବୋଲି ଦାଉଦ କହିଲେ, ତଦ୍ଦ୍ୱାରା ଚାରି ହଜାର ଲୋକ ସଦାପ୍ରଭୁଙ୍କର ପ୍ରଶଂସା କଲେ।
\v 6 ପୁଣି, ଦାଉଦ ସେମାନଙ୍କୁ ଲେବୀର ପୁତ୍ରମାନଙ୍କ (ବଂଶ) ଅନୁସାରେ ନାନା ପାଳିରେ ବିଭକ୍ତ କଲେ; ଗେର୍ଶୋନ‍, କହାତ ଓ ମରାରି।
\s5
\v 7 ଗେର୍ଶୋନୀୟମାନଙ୍କ ମଧ୍ୟରୁ ଲାଦନ୍‍ ଓ ଶିମୀୟି।
\v 8 ଲାଦନ୍‍ର ପୁତ୍ର; ପ୍ରଧାନ ଯିହୀୟେଲ, ତାହା ଉତ୍ତାରେ ସେଥମ୍‍ ଓ ଯୋୟେଲ, ତିନି ଜଣ।
\v 9 ଶିମୀୟିର ପୁତ୍ର; ଶଲୋମୀତ୍‍ ଓ ହସୀୟେଲ୍‍ ଓ ହାରଣ; ତିନି ଜଣ। ଏମାନେ ଲାଦନ୍‍ଙ୍କ ପିତୃବଂଶର ପ୍ରଧାନ ଥିଲେ।
\s5
\v 10 ପୁଣି, ଶିମୀୟିର ପୁତ୍ର; ଯହତ୍‍, ଜିନା
\f +
\fr 23:10
\fq ଜିନା
\ft କିମ୍ବା ସୀଷ ଦେଖନ୍ତୁ v.11
\f* , ଯିୟୂଶ୍‍ ଓ ବରୀୟ। ଏହି ଚାରି ଜଣ ଶିମୀୟିର ପୁତ୍ର ଥିଲେ।
\v 11 ଯହତ୍‍ ପ୍ରଧାନ, ଦ୍ୱିତୀୟ ସୀଷ; ମାତ୍ର ଯିୟୂଶ୍‍ ଓ ବରୀୟର ଅନେକ ପୁତ୍ର ନ ଥିଲେ; ଏହେତୁ ସେମାନେ ଏକତ୍ର ଗଣିତ ହୋଇ ଏକ ପିତୃବଂଶ ହେଲେ।
\s5
\v 12 କହାତର ପୁତ୍ର; ଅମ୍ରାମ୍‍, ଯିଷ୍‍ହର, ହିବ୍ରୋଣ ଓ ଉଷୀୟେଲ; ଚାରି ଜଣ।
\v 13 ଅମ୍ରାମ୍‍ର ପୁତ୍ର; ହାରୋଣ ଓ ମୋଶା; ପୁଣି, ହାରୋଣ ଯେପରି ମହାପବିତ୍ର ବସ୍ତୁ ପବିତ୍ର କରିବ, ଏଥିପାଇଁ ଯୁଗାନୁକ୍ରମେ ସଦାପ୍ରଭୁଙ୍କ ସମ୍ମୁଖରେ ଧୂପଦାହ, ତାହାଙ୍କର ପରିଚର୍ଯ୍ୟା ଓ ତାହାଙ୍କ ନାମରେ ଆଶୀର୍ବାଦକରଣାର୍ଥେ ସେ ଓ ତାହାର ପୁତ୍ରମାନେ ଯୁଗାନୁକ୍ରମେ ପୃଥକ କରାଗଲେ।
\v 14 ମାତ୍ର, ପରମେଶ୍ୱରଙ୍କ ଲୋକ ମୋଶାଙ୍କର ପୁତ୍ରମାନେ ଲେବୀ-ବଂଶ ମଧ୍ୟରେ ଉଲ୍ଲିଖିତ ହେଲେ।
\s5
\v 15 ମୋଶାଙ୍କର ପୁତ୍ର; ଗେର୍ଶୋମ ଓ ଇଲୀୟେଜର।
\v 16 ଗେର୍ଶୋମର ସନ୍ତାନମାନଙ୍କ ମଧ୍ୟରେ ଶବୂୟେଲ ପ୍ରଧାନ।
\v 17 ଆଉ, ଇଲୀୟେଷରର ସନ୍ତାନମାନଙ୍କ ମଧ୍ୟରେ ରହବୀୟ ପ୍ରଧାନ। ଏହି ଇଲୀୟେଜରର ଆଉ ପୁତ୍ର ନ ଥିଲେ, ମାତ୍ର, ରହବୀୟର ବହୁସଂଖ୍ୟକ ସନ୍ତାନ ଥିଲେ।
\v 18 ଯିଷ୍‍ହରର ପୁତ୍ରମାନଙ୍କ ମଧ୍ୟରେ ଶଲୋମୀତ୍‍ ପ୍ରଧାନ ଥିଲା।
\s5
\v 19 ହିବ୍ରୋଣର ପୁତ୍ରମାନଙ୍କ ମଧ୍ୟରେ ପ୍ରଥମ ଯିରୀୟ, ଦ୍ୱିତୀୟ ଅମରୀୟ, ତୃତୀୟ ଯହସୀୟେଲ, ଚତୁର୍ଥ ଯିକ୍‍ମୀୟାମ୍‍।
\v 20 ଉଷୀୟେଲର ପୁତ୍ରମାନଙ୍କ ମଧ୍ୟରେ ପ୍ରଥମ ମୀଖା, ଦ୍ୱିତୀୟ ଯିଶୀୟ।
\s5
\v 21 ମରାରିର ପୁତ୍ର ମହଲି ଓ ମୂଶି; ମହଲିର ପୁତ୍ର ଇଲୀୟାସର ଓ କୀଶ୍‍;
\v 22 ଇଲୀୟାସର ମଲା, ତାହାର ପୁତ୍ର ନ ଥିଲେ, କେବଳ କେତୋଟି କନ୍ୟା ଥିଲେ; ପୁଣି, ସେମାନଙ୍କ ଜ୍ଞାତି କୀଶ୍‍ର ପୁତ୍ରମାନେ ସେମାନଙ୍କୁ ବିବାହ କଲେ।
\v 23 ମୂଶିର ପୁତ୍ର ମହଲି, ଏଦର ଓ ଯେରେମୋତ୍‍, ତିନି ଜଣ।
\s5
\v 24 ଏମାନେ ଆପଣା ଆପଣା ପିତୃବଂଶାନୁସାରେ ଲେବୀର ସନ୍ତାନ, ପୁଣି, କୋଡ଼ିଏ ବର୍ଷ ଓ ତହିଁରୁ ଉର୍ଦ୍ଧ୍ୱ ବୟସ୍କ ଯେଉଁମାନେ ଆପଣା ଆପଣା ନାମ ଓ ମସ୍ତକାନୁସାରେ ଗଣିତ ହୋଇ ସଦାପ୍ରଭୁଙ୍କ ଗୃହର ସେବାକାର୍ଯ୍ୟ କଲେ, ସେମାନଙ୍କ ପିତୃବଂଶର ପ୍ରଧାନ ଥିଲେ।
\v 25 କାରଣ ଦାଉଦ କହିଲେ, “ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଆପଣା ଲୋକମାନଙ୍କୁ ବିଶ୍ରାମ ଦେଇଅଛନ୍ତି ଓ ସେ ଯୁଗାନୁକ୍ରମେ ଯିରୂଶାଲମରେ ବସତି କରନ୍ତି,
\v 26 ଆହୁରି ମଧ୍ୟ ଲେବୀୟମାନଙ୍କୁ ଆବାସ ଓ ତହିଁର ସେବାର୍ଥକ ପାତ୍ରସବୁ ବୋହିବାର ଆଉ ପ୍ରୟୋଜନ ହେବ ନାହିଁ।”
\s5
\v 27 କାରଣ, ଦାଉଦଙ୍କର ଶେଷ ବାକ୍ୟାନୁସାରେ ଲେବୀ-ସନ୍ତାନମାନଙ୍କ ମଧ୍ୟରେ କୋଡ଼ିଏ ବର୍ଷ ଓ ତହିଁରୁ ଉର୍ଦ୍ଧ୍ୱ ବୟସ୍କ ଲୋକ ଗଣିତ ହେଲେ।
\v 28 କାରଣ, ସଦାପ୍ରଭୁଙ୍କ ଗୃହର ସେବାର୍ଥେ ପ୍ରାଙ୍ଗଣରେ ଓ କୋଠରିରେ ଓ ପରମେଶ୍ୱରଙ୍କ ଗୃହର ସେବାକାର୍ଯ୍ୟାର୍ଥକ ସମସ୍ତ ପବିତ୍ର ବସ୍ତୁ ଶୁଚି କରିବାରେ ହାରୋଣ-ସନ୍ତାନମାନଙ୍କ ସେବା କରିବାର ଲେବୀୟମାନଙ୍କର କାର୍ଯ୍ୟ ଥିଲା;
\v 29 ଆହୁରି ଦର୍ଶନୀୟ-ରୁଟିର ଓ ତାଡ଼ିଶୂନ୍ୟ ସରୁ ଚକୁଳି ଅବା ପଲମରେ ଭଜା କି ରନ୍ଧା ଭକ୍ଷ୍ୟ-ନୈବେଦ୍ୟ ପାଇଁ ସରୁ ମଇଦାର ଓ ସର୍ବପ୍ରକାର ପରିମାଣ ଓ ତୌଲର କାର୍ଯ୍ୟ;
\s5
\v 30 ପୁଣି, ପ୍ରତି ପ୍ରଭାତରେ ଓ ସନ୍ଧ୍ୟାରେ ସଦାପ୍ରଭୁଙ୍କର ଧନ୍ୟବାଦ ଓ ପ୍ରଶଂସା କରିବା ପାଇଁ ଠିଆ ହେବାର;
\v 31 ଆଉ ନିତ୍ୟ ସଦାପ୍ରଭୁଙ୍କ ସମ୍ମୁଖରେ ବିଶ୍ରାମବାରରେ ଓ ଅମାବାସ୍ୟାରେ ଓ ନିରୂପିତ ପର୍ବସବୁରେ ସେସମ୍ବନ୍ଧୀୟ ବିଧିମତେ ସଂଖ୍ୟାନୁସାରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସମସ୍ତ ହୋମବଳି ଉତ୍ସର୍ଗ କରିବା, ସେମାନଙ୍କର କାର୍ଯ୍ୟ ଥିଲା;
\s5
\v 32 ଏହେତୁ ସେମାନେ ସମାଗମ-ତମ୍ବୁର ରକ୍ଷଣୀୟ ଓ ପବିତ୍ର ସ୍ଥାନର ରକ୍ଷଣୀୟ ଓ ସଦାପ୍ରଭୁଙ୍କ ଗୃହର ସେବାକର୍ମ ନିମନ୍ତେ ଆପଣାମାନଙ୍କ ଭ୍ରାତା ହାରୋଣ-ସନ୍ତାନଗଣର ରକ୍ଷଣୀୟ ରକ୍ଷା କରିବେ।
\s5
\c 24
\s ଯାଜକଙ୍କ ନିମନ୍ତେ ନିର୍ଦ୍ଦିଷ୍ଟ କାର୍ଯ୍ୟ
\p
\v 1 ହାରୋଣ-ସନ୍ତାନଗଣର ପାଳିର ବୃତ୍ତାନ୍ତ। ହାରୋଣଙ୍କର ପୁତ୍ର ନାଦବ୍‍, ଅବୀହୂ, ଇଲୀୟାସର ଓ ଈଥାମର।
\v 2 ମାତ୍ର ନାଦବ୍‍, ଅବୀହୂ ଆପଣାମାନଙ୍କ ପିତାଙ୍କ ଆଗେ ମଲେ ଓ ସେମାନଙ୍କର ସନ୍ତାନ ନ ଥିଲା; ଏହେତୁ ଇଲୀୟାସର ଓ ଈଥାମର ଯାଜକର କାର୍ଯ୍ୟ କଲେ।
\v 3 ଆଉ ଦାଉଦ ଓ ଇଲୀୟାସରର ସନ୍ତାନ ସାଦୋକ ଓ ଈଥାମରର ସନ୍ତାନ ଅହୀମେଲକ୍‍, ଯାଜକମାନଙ୍କୁ ସେମାନଙ୍କ ଶ୍ରେଣୀ ଅନୁସାରେ ସେବାକର୍ମରେ ବିଭକ୍ତ କଲେ।
\s5
\v 4 ପୁଣି, ଈଥାମରର ସନ୍ତାନଗଣ ଅପେକ୍ଷା ଇଲୀୟାସରର ସନ୍ତାନଗଣ ମଧ୍ୟରେ ଅନେକ ପ୍ରଧାନ ପୁରୁଷ ଥିଲେ; ସେମାନେ ଏହିରୂପେ ବିଭକ୍ତ ହେଲେ, ଯଥା, ଇଲୀୟାସରର ସନ୍ତାନଗଣ ମଧ୍ୟରେ ଷୋଳ ଜଣ ପିତୃବଂଶର ପ୍ରଧାନ ଥିଲେ; ଆଉ ଈଥାମରର ସନ୍ତାନଗଣ ମଧ୍ୟରେ ଆପଣା ଆପଣା ପିତୃବଂଶାନୁସାରେ ଆଠ ଜଣ ଥିଲେ।
\v 5 ଏହିରୂପେ ସେମାନେ ଅବଶେଷରେ ଗୁଲିବାଣ୍ଟ ଦ୍ୱାରା ବିଭକ୍ତ କରାଗଲେ; କାରଣ, ଇଲୀୟାସର ଓ ଈଥାମର, ଉଭୟର ସନ୍ତାନଗଣ ମଧ୍ୟରୁ ପବିତ୍ର ସ୍ଥାନର ଅଧିପତି ଓ ପରମେଶ୍ୱରଙ୍କ ଗୃହର ଅଧିପତି ହେଲେ।
\s5
\v 6 ପୁଣି, ରାଜାଙ୍କର, ଅଧିପତିମାନଙ୍କର, ସାଦୋକ ଯାଜକର, ଅବୀୟାଥରର ପୁତ୍ର ଅହୀମେଲକ୍‍ର, ଯାଜକୀୟ ଓ ଲେବୀୟ ପିତୃବଂଶର ପ୍ରଧାନମାନଙ୍କ ସାକ୍ଷାତରେ ଲେବୀ-ବଂଶଜାତ ନଥନେଲର ପୁତ୍ର ଶମୟୀୟ ଲେଖକ ସେମାନଙ୍କ ନାମ ଲେଖିଲା; ଇଲୀୟାସର ନିମନ୍ତେ ଏକ ପିତୃବଂଶ ଓ ଈଥାମର ନିମନ୍ତେ ଏକ ପିତୃବଂଶ ଗ୍ରହଣ କରାଗଲା।
\s5
\v 7 ପ୍ରଥମ ଗୁଲିବାଣ୍ଟ ଯିହୋୟାରୀବ୍‍ ପାଇଁ ଉଠିଲା, ଦ୍ୱିତୀୟ ଯିଦୟୀୟ ପାଇଁ;
\v 8 ତୃତୀୟ ହାରୀମ୍‍ ପାଇଁ, ଚତୁର୍ଥ ସୀୟୋରୀମ୍‍ ପାଇଁ;
\v 9 ପଞ୍ଚମ ମଲ୍‍କୀୟ ପାଇଁ; ଷଷ୍ଠ ମିୟାମୀନ୍‍ ପାଇଁ;
\v 10 ସପ୍ତମ ହକ୍କୋସ୍‍ ପାଇଁ, ଅଷ୍ଟମ ଅବୀୟ ପାଇଁ;
\s5
\v 11 ନବମ ଯେଶୂୟ ପାଇଁ; ଦଶମ ଶଖନୀୟ ପାଇଁ;
\v 12 ଏକାଦଶ ଇଲୀୟାଶୀବ ପାଇଁ, ଦ୍ୱାଦଶ ଯାକୀମ୍‍ ପାଇଁ;
\v 13 ତ୍ରୟୋଦଶ ହୁପ୍ପା ପାଇଁ, ଚତୁର୍ଦ୍ଦଶ ଯେଶବା ପାଇଁ;
\v 14 ପଞ୍ଚଦଶ ବିଲ୍‍ଗା ପାଇଁ, ଷୋଡ଼ଶ ଇମ୍ମେର ପାଇଁ;
\s5
\v 15 ସପ୍ତଦଶ ହେଷୀର ପାଇଁ, ଅଷ୍ଟାଦଶ ହିପ୍‍ପି ପାଇଁ;
\v 16 ଊନବିଂଶ ପଥାହୀୟ ପାଇଁ, ବିଂଶ ଯିହିଷ୍କେଲ ପାଇଁ;
\v 17 ଏକବିଂଶ ଯାଖୀନ୍‍ ପାଇଁ, ଦ୍ୱାବିଂଶ ଗାମୂଲ୍‍ ପାଇଁ;
\v 18 ତ୍ରୟୋବିଂଶ ଦଲୟିୟ ପାଇଁ, ଚତୁର୍ବିଂଶ ମାସୀୟ ପାଇଁ ଉଠିଲା।
\s5
\v 19 ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ଆଜ୍ଞାନୁସାରେ ସେମାନଙ୍କ ପିତା ହାରୋଣଙ୍କ ଦ୍ୱାରା ସେମାନଙ୍କ ପାଇଁ ନିରୂପିତ ବିଧି ଅନୁଯାୟୀ ସଦାପ୍ରଭୁଙ୍କ ଗୃହରେ ଉପସ୍ଥିତ ହେବା ବିଷୟରେ ସେମାନଙ୍କ ସେବାକର୍ମ ନିମନ୍ତେ ଏହି ଶ୍ରେଣୀ ହେଲା।
\s5
\v 20 ଲେବୀର ଅବଶିଷ୍ଟ ସନ୍ତାନମାନଙ୍କ କଥା। ଅମ୍ରାମ୍‍ର ସନ୍ତାନମାନଙ୍କ ମଧ୍ୟରେ ଶୂୟେଲ; ଶବୂୟେଲର ସନ୍ତାନମାନଙ୍କ ମଧ୍ୟରେ ଯେହଦୀୟ।
\v 21 ରହବୀୟର କଥା; ରହବୀୟ-ସନ୍ତାନଗଣ ମଧ୍ୟରେ ଯିଶୀୟ ପ୍ରଧାନ।
\v 22 ଯିଷ୍‍ହରୀୟମାନଙ୍କ ମଧ୍ୟରେ ଶଲୋମୀତ୍‍; ଶଲୋମୀତ୍‍ର ପୁତ୍ରମାନଙ୍କ ମଧ୍ୟରେ ଯହତ୍‍।
\s5
\v 23 ହିବ୍ରୋଣର ପୁତ୍ର ଯିରୀୟ ପ୍ରଥମ, ଦ୍ୱିତୀୟ ଅମରୀୟ, ତୃତୀୟ ଯହସୀୟେଲ, ଚତୁର୍ଥ ଯିକ୍‍ମୀୟାମ୍‍।
\v 24 ଉଷୀୟେଲର ପୁତ୍ର ମୀଖା; ମୀଖାର ପୁତ୍ରମାନଙ୍କ ମଧ୍ୟରେ ଶାମୀର୍‍।
\v 25 ମୀଖାର ଭ୍ରାତା ଯିଶୀୟ; ଯିଶୀୟର ପୁତ୍ରମାନଙ୍କ ମଧ୍ୟରେ ଜିଖରୀୟ।
\s5
\v 26 ମରାରିର ପୁତ୍ର ମହଲି ଓ ମୂଶି; ଯାସୀୟର ପୁତ୍ର ବିନୋ।
\v 27 ମରାରିର ସନ୍ତାନଗଣ ଯାସୀୟର ପୁତ୍ର ବିନୋ, ଶୋହମ୍‍, ସକ୍କୁର ଓ ଇବ୍ରି।
\v 28 ମହଲିର ପୁତ୍ର ଇଲୀୟାସର, ଏହାର ପୁତ୍ର ନ ଥିଲେ।
\s5
\v 29 କୀଶ୍‍ର କଥା; କୀଶ୍‍ର ପୁତ୍ର ଯିରହମେଲ।
\v 30 ପୁଣି, ମୂଶିର ପୁତ୍ର ମହଲି, ଏଦର ଓ ଯିରେମୋତ୍‍। ଏମାନେ ଆପଣା ଆପଣା ପିତୃବଂଶାନୁସାରେ ଲେବୀର ସନ୍ତାନ।
\v 31 ଏମାନେ ହିଁ ଆପଣାମାନଙ୍କ ଭ୍ରାତା ହାରୋଣ-ସନ୍ତାନଗଣ ତୁଲ୍ୟ ଦାଉଦ ରାଜା, ସାଦୋକ ଓ ଅହୀମେଲକ୍‍, ପୁଣି, ଯାଜକୀୟ ଓ ଲେବୀୟ ପିତୃବଂଶର ପ୍ରଧାନମାନଙ୍କ ସାକ୍ଷାତରେ ଗୁଲିବାଣ୍ଟ କଲେ; ପୁଣି, ବଂଶର ପ୍ରଧାନ ଲୋକ ଯେପରି କଲା, ତାହାର କନିଷ୍ଠ ଭ୍ରାତା ହିଁ ସେହିପରି କଲା।
\s5
\c 25
\s ମନ୍ଦିରର ସଂଗୀତ ଶିଳ୍ପୀଗଣ
\p
\v 1 ଆହୁରି ଆସଫର ଓ ହେମନର ଓ ଯିଦୂଥୂନର ସନ୍ତାନଗଣ ମଧ୍ୟରୁ ଦାଉଦ ଓ ସେନାପତିମାନେ କେତେକଙ୍କୁ ବୀଣା, ନେବଲ ଓ କରତାଳ ଦ୍ୱାରା ଭବିଷ୍ୟଦ୍‍ବାକ୍ୟ ପ୍ରଚାରର ସେବାକାର୍ଯ୍ୟ ନିମନ୍ତେ ପୃଥକ କଲେ; ପୁଣି, ଆପଣା ଆପଣା ସେବାନୁସାରେ କର୍ମକାରୀମାନଙ୍କ ସଂଖ୍ୟା ଏହି।
\v 2 ଆସଫର ସନ୍ତାନମାନଙ୍କ କଥା; ଆସଫର ସନ୍ତାନ ସକ୍କୁର ଓ ଯୋଷେଫ ଓ ନଥନୀୟ ଓ ଅସାରେଲ; ଏମାନେ ଆସଫର ହସ୍ତାଧୀନରେ ରାଜାଜ୍ଞାନୁସାରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କଲେ।
\v 3 ଯିଦୂଥୂନର କଥା; ଯିଦୂଥୂନର ସନ୍ତାନ ଗଦଲୀୟ ଓ ସରୀ ଓ ଯିଶାଇୟ, ହଶବୀୟ ଓ ମତ୍ତଥୀୟ, ଛଅ ଜଣ; ଏମାନେ ଆପଣାମାନଙ୍କ ପିତା ଯିଦୂଥୂନର ହସ୍ତାଧୀନରେ ବୀଣା ଦ୍ୱାରା ସଦାପ୍ରଭୁଙ୍କର ଧନ୍ୟବାଦ ଓ ପ୍ରଶଂସା କରି ଭବିଷ୍ୟଦ୍‍ବାକ୍ୟ ପ୍ରଚାର କଲେ।
\s5
\v 4 ହେମନର କଥା; ହେମନର ସନ୍ତାନ ବୁକ୍‍କୀୟ, ମତ୍ତନୀୟ, ଉଷୀୟେଲ, ଶବୂୟେଲ ଓ ଯିରେମୋତ୍‍, ହନାନୀୟ, ହନାନି, ଇଲୀୟାଥା, ଗିଦ୍ଦଲ୍‍ତି ଓ ରୋମାମ୍‍ତି-ଏଷର୍‍, ଯଶ୍‍ବକାଶା, ମଲ୍ଲୋଥି, ହୋଥୀର୍‍, ମହସୀୟୋତ୍‍;
\v 5 ଏସମସ୍ତେ ଶୃଙ୍ଗଧ୍ୱନି କରିବା ନିମନ୍ତେ ପରମେଶ୍ୱରଙ୍କ ବାକ୍ୟ ବିଷୟରେ ରାଜାଙ୍କର ଦର୍ଶକ ହେମନର ପୁତ୍ର ଥିଲେ। ପରମେଶ୍ୱର ହେମନକୁ ଚଉଦ ପୁତ୍ର ଓ ତିନି କନ୍ୟା ଦେଲେ।
\s5
\v 6 ଏସମସ୍ତେ ପରମେଶ୍ୱରଙ୍କ ଗୃହର ସେବାକାର୍ଯ୍ୟାର୍ଥେ କରତାଳ, ନେବଲ ଓ ବୀଣା ଦ୍ୱାରା ସଦାପ୍ରଭୁଙ୍କ ଗୃହରେ ଗାନ କରିବା ପାଇଁ ଆପଣାମାନଙ୍କ ପିତାଙ୍କ ହସ୍ତାଧୀନରେ ଥିଲେ; ଆସଫ, ଯିଦୂଥୂନ୍‍ ଓ ହେମନ ରାଜାଜ୍ଞାଧୀନ ଥିଲେ।
\v 7 ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନକାର୍ଯ୍ୟରେ ଶିକ୍ଷିତ ଓ ନିପୁଣ ଏସମସ୍ତେ ଓ ଏମାନଙ୍କ ଭ୍ରାତୃଗଣ ସଂଖ୍ୟାରେ ଦୁଇ ଶହ ଅଠାଶୀ ଜଣ ଥିଲେ।
\v 8 ଏଉତ୍ତାରେ ସେମାନେ ସାନ ବଡ଼, ଶିକ୍ଷକ, ଛାତ୍ର, ସମସ୍ତଙ୍କ ରକ୍ଷଣୀୟ ନିମନ୍ତେ ସମାନ ରୂପେ ଗୁଲିବାଣ୍ଟ କଲେ।
\s5
\v 9 ତହୁଁ ଆସଫ ନିମନ୍ତେ ଯୋଷେଫ ପକ୍ଷରେ ପ୍ରଥମ ବାଣ୍ଟ ଉଠିଲା; ଦ୍ୱିତୀୟ ଗଦଲୀୟ ପକ୍ଷରେ; ସେ ଓ ତାହାର ଭ୍ରାତା ଓ ପୁତ୍ରମାନେ ବାର ଜଣ ଥିଲେ।
\v 10 ତୃତୀୟ ସକ୍କୁର ପକ୍ଷରେ; ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ।
\v 11 ଚତୁର୍ଥ ଯିଷ୍ରି ପକ୍ଷରେ; ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ;
\v 12 ପଞ୍ଚମ ନଥନୀୟ ପକ୍ଷରେ; ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ।
\s5
\v 13 ଷଷ୍ଠ ବୁକ୍‍କୀୟ ପକ୍ଷରେ; ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ।
\v 14 ସପ୍ତମ ଯିଶାରେଲା ପକ୍ଷରେ; ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ।
\v 15 ଅଷ୍ଟମ ଯିଶାୟାହ ପକ୍ଷରେ; ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ;
\v 16 ନବମ ମତ୍ତନୀୟ ପକ୍ଷରେ; ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ।
\s5
\v 17 ଦଶମ ଶିମୀୟି ପକ୍ଷରେ; ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ;
\v 18 ଏକାଦଶ ଅସରେଲ୍‍ ପକ୍ଷରେ; ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ;
\v 19 ଦ୍ୱାଦଶ ହଶବୀୟ ପକ୍ଷରେ ଉଠିଲା, ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ;
\v 20 ତ୍ରୟୋଦଶ ପାଇଁ ଶବୂୟେଲ; ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ;
\s5
\v 21 ଚତୁର୍ଦ୍ଦଶ ପାଇଁ ମତ୍ତଥୀୟ, ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ;
\v 22 ପଞ୍ଚଦଶ ପାଇଁ ଯେରେମୋତ୍‍, ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ;
\v 23 ଷୋଡ଼ଶ ପାଇଁ ହନାନୀୟ, ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ;
\v 24 ସପ୍ତଦଶ ପାଇଁ ଯଶ୍‍ବକାଶା, ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ;
\s5
\v 25 ଅଷ୍ଟାଦଶ ପାଇଁ ହନାନି, ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ;
\v 26 ଊନବିଂଶ ପାଇଁ ମଲ୍ଲୋଥି, ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ;
\v 27 ବିଂଶ ପାଇଁ ଇଲୀୟାଥା, ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ;
\v 28 ଏକବିଂଶ ପାଇଁ ହୋଥୀର୍‍, ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ;
\s5
\v 29 ଦ୍ୱାବିଂଶ ପାଇଁ ଗିଦ୍ଦଲ୍‍ତି, ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ;
\v 30 ତ୍ରୟୋବିଂଶ ପାଇଁ ମହସୀୟୋତ୍‍, ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ;
\v 31 ଚତୁର୍ବିଂଶ ପାଇଁ ରୋମାମ୍‍ତି-ଏଷର୍‍, ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ ଗୁଲିବାଣ୍ଟରେ ଉଠିଲେ।
\s5
\c 26
\s ମନ୍ଦିରର ରକ୍ଷୀଗଣ
\p
\v 1 ଦ୍ୱାରପାଳମାନଙ୍କ ପାଳି ପାଇଁ କୋରହୀୟମାନଙ୍କ ମଧ୍ୟରୁ ଆସଫ-ବଂଶଜାତ କୋରିର ପୁତ୍ର ମଶେଲିମୀୟ ଥିଲା।
\v 2 ମଶେଲିମୀୟର ପୁତ୍ର ଥିଲେ; ପ୍ରଥମଜାତ ଜିଖରୀୟ, ଦ୍ୱିତୀୟ ଯିଦୀୟେଲ, ତୃତୀୟ ସବଦୀୟ, ଚତୁର୍ଥ ଯତ୍ନୀୟେଲ,
\v 3 ପଞ୍ଚମ ଏଲମ୍‍, ଷଷ୍ଠ ଯିହୋହାନନ୍‍, ସପ୍ତମ ଇଲୀହୋଐନୟ।
\s5
\v 4 ପୁଣି, ଓବେଦ୍‍-ଇଦୋମର ପୁତ୍ର ଥିଲେ ପ୍ରଥମଜାତ ଶମୟୀୟ, ଦ୍ୱିତୀୟ ଯିହୋଷାବଦ୍‍, ତୃତୀୟ ଯୋୟାହ, ଚତୁର୍ଥ ସାଖର, ପଞ୍ଚମ ନଥନେଲ୍‍;
\v 5 ଷଷ୍ଠ ଅମ୍ମୀୟେଲ, ସପ୍ତମ ଇଷାଖର, ଅଷ୍ଟମ ପିୟୁଲ୍ଲତୟ; କାରଣ ପରମେଶ୍ୱର ତାହାକୁ ଆଶୀର୍ବାଦ କଲେ।
\v 6 ମଧ୍ୟ ତାହାର ପୁତ୍ର ଶମୟୀୟର ପୁତ୍ର ଜାତ ହେଲେ, ସେମାନେ ଆପଣାମାନଙ୍କ ପିତୃବଂଶରେ କର୍ତ୍ତୃତ୍ୱ କଲେ; କାରଣ ସେମାନେ ମହାବିକ୍ରମଶାଳୀ ପୁରୁଷ ଥିଲେ।
\s5
\v 7 ଶମୟୀୟର ପୁତ୍ର ଅତ୍‍ନି, ରଫାୟେଲ ଓ ଓବେଦ୍‍, ଇଲୀଶାବଦ୍‍, ଏମାନଙ୍କର ଭ୍ରାତା ଇଲୀହୂ ଓ ସମଖୀୟ ପରାକ୍ରାନ୍ତ ଲୋକ ଥିଲେ।
\v 8 ଏସମସ୍ତେ ଓବେଦ୍‍-ଇଦୋମର ସନ୍ତାନ, ଏମାନେ ଓ ଏମାନଙ୍କ ପୁତ୍ର ଓ ଭ୍ରାତୃଗଣ ସେବାକାର୍ଯ୍ୟାର୍ଥକ ବଳରେ ବଳବାନ ଥିଲେ; ଓବେଦ୍‍-ଇଦୋମ ବଂଶଜାତ ବାଷଠି ଜଣ।
\v 9 ମଶେଲିମୀୟର ପୁତ୍ର ଓ ଭ୍ରାତୃଗଣ ଅଠର ଜଣ ପରାକ୍ରାନ୍ତ ଲୋକ ଥିଲେ।
\s5
\v 10 ଆଉ ମରାରି-ବଂଶଜାତ ହୋଷାର ପୁତ୍ର ଥିଲେ; ପ୍ରଧାନ ଶିମ୍ରି, କାରଣ ସେ ପ୍ରଥମଜାତ ନୋହିଲେ ହେଁ ତାହାର ପିତା ତାହାକୁ ପ୍ରଧାନ କଲା;
\v 11 ଦ୍ୱିତୀୟ ହିଲ୍‍କୀୟ, ତୃତୀୟ ଟବଲିୟ, ଚତୁର୍ଥ ଜିଖରୀୟ; ହୋଷାର ପୁତ୍ର ଓ ଭ୍ରାତୃଗଣ ସର୍ବସୁଦ୍ଧା ତେର ଜଣ ଥିଲେ।
\s5
\v 12 ସଦାପ୍ରଭୁଙ୍କ ଗୃହରେ ପରିଚର୍ଯ୍ୟାକରଣାର୍ଥେ ଦ୍ୱାରପାଳମାନଙ୍କ ପାଳି ଏହି ପ୍ରଧାନ ଲୋକମାନଙ୍କର ହେଲା, ଆପଣା ଭ୍ରାତୃଗଣ ତୁଲ୍ୟ ସେମାନଙ୍କର ରକ୍ଷଣୀୟ ଥିଲା।
\v 13 ପୁଣି, ସେମାନେ, ସାନ ବଡ଼, ଆପଣା ପିତୃବଂଶାନୁସାରେ ପ୍ରତ୍ୟେକ ଦ୍ୱାର ପାଇଁ ଗୁଲିବାଣ୍ଟ କଲେ।
\v 14 ତହିଁରେ ପୂର୍ବ ଦିଗର ବାଣ୍ଟ ଶେଲିମୀୟ ପକ୍ଷରେ ଉଠିଲା; ତହୁଁ ସେମାନେ ତାହାର ପୁତ୍ର ଜିଖରୀୟ ନିମନ୍ତେ ଗୁଲିବାଣ୍ଟ କଲେ, ସେ ବିଜ୍ଞ ମନ୍ତ୍ରୀ ଥିଲା; ଆଉ ଉତ୍ତର ଦିଗ ତାହାର ବାଣ୍ଟରେ ଉଠିଲା।
\s5
\v 15 ଦକ୍ଷିଣ ଦିଗ ଓବେଦ୍‍-ଇଦୋମ ପକ୍ଷରେ ଓ ଭଣ୍ଡାର ଗୃହ ତାହାର ପୁତ୍ରମାନଙ୍କ ପକ୍ଷରେ ଉଠିଲା।
\v 16 ଊର୍ଦ୍ଧ୍ୱଗାମୀ ପଥ ସମୀପସ୍ଥ ଶଲ୍ଲେଖତ୍‍ ଦ୍ୱାର ନିକଟବର୍ତ୍ତୀ ପଶ୍ଚିମ ଦିଗର ବାଣ୍ଟ ଶୁପ୍‍ପୀମ୍‍ ଓ ହୋଷା ପକ୍ଷରେ ଉଠିଲା, ତହିଁର ରକ୍ଷକମାନଙ୍କର ଏକ ଦଳ ଅନ୍ୟ ଦଳର ଅଭିମୁଖ ଥିଲା।
\s5
\v 17 ପୂର୍ବ ଦିଗରେ ଛଅ ଜଣ ଲେବୀୟ, ଉତ୍ତର ଦିଗରେ ଦିନରେ ଚାରି ଜଣ, ଦକ୍ଷିଣ ଦିଗରେ ଦିନରେ ଚାରି ଜଣ ଓ ଭଣ୍ଡାର ଗୃହ ନିମନ୍ତେ ଦୁଇ ଦୁଇ ଜଣ ରହିଲେ।
\v 18 ପଶ୍ଚିମ ଦିଗରେ ସୀମାନ୍ତବର୍ତ୍ତୀ ସ୍ଥାନ ନିମନ୍ତେ ଉଚ୍ଚ ପଥରେ ଚାରି ଜଣ ଓ ସୀମାନ୍ତବର୍ତ୍ତୀ ସ୍ଥାନରେ ଦୁଇ ଜଣ।
\v 19 କୋରହୀୟ ସନ୍ତାନଗଣ ଓ ମରାରିର ସନ୍ତାନଗଣ ମଧ୍ୟରୁ ଦ୍ୱାରପାଳମାନଙ୍କର ଏହି ସକଳ ପାଳି ଥିଲା।
\s ମନ୍ଦିର ସଂକ୍ରାନ୍ତ ଅନ୍ୟାନ୍ୟ କାର୍ଯ୍ୟ
\p
\s5
\v 20 ପୁଣି, ଲେବୀୟମାନଙ୍କ ମଧ୍ୟରୁ ଅହୀୟ ପରମେଶ୍ୱରଙ୍କ ଗୃହର କୋଷାଧ୍ୟକ୍ଷ ଓ ପବିତ୍ରୀକୃତ ସକଳ ବସ୍ତୁର କୋଷାଧ୍ୟକ୍ଷ ଥିଲା।
\v 21 ଲାଦନ୍‍ର ସନ୍ତାନଗଣ; ଲାଦନ୍‍ ସମ୍ବନ୍ଧୀୟ ଗେର୍ଶୋନୀୟ-ସନ୍ତାନଗଣ, ଗେର୍ଶୋନୀୟ ଲାଦନ୍‍ ସମ୍ବନ୍ଧୀୟ ପିତୃବଂଶର ପ୍ରଧାନଗଣ; ଯଥା,
\v 22 ଯିହୀୟେଲି। ଯିହୀୟେଲିର ପୁତ୍ର ସେଥମ୍‍ ଓ ତାହାର ଭ୍ରାତା ଯୋୟେଲ ସଦାପ୍ରଭୁଙ୍କ ଗୃହର କୋଷାଧ୍ୟକ୍ଷ ଥିଲେ।
\s5
\v 23 ଅମ୍ରାମୀୟମାନଙ୍କ, ଯିଷ୍‍ହରୀୟମାନଙ୍କ, ହିବ୍ରୋଣୀୟମାନଙ୍କ, ଉଷୀୟେଲୀୟମାନଙ୍କ ମଧ୍ୟରେ
\v 24 ମୋଶାଙ୍କର ପୁତ୍ର ଗେର୍ଶୋମର ସନ୍ତାନ ଶବୂୟେଲ କୋଷାଧ୍ୟକ୍ଷ ଥିଲା।
\v 25 ପୁଣି, ତାହାର ଭ୍ରାତୃଗଣ; ଇଲୀୟେଜରର ପୁତ୍ର ରହବୀୟ ଓ ତାହାର ପୁତ୍ର ଯିଶାଇୟ ଓ ତାହାର ପୁତ୍ର ଯୋରାମ୍‍ ଓ ତାହାର ପୁତ୍ର ସିଖ୍ରି ଓ ତାହାର ପୁତ୍ର ଶଲୋମୀତ୍‍।
\s5
\v 26 ଦାଉଦ ରାଜା ଓ ପିତୃବଂଶର ପ୍ରଧାନମାନେ, ସହସ୍ରପତି ଓ ଶତପତିମାନେ ଓ ସେନାପତିମାନେ ଯେସକଳ ବସ୍ତୁ ପବିତ୍ର କରିଥିଲେ, ଏହି ଶଲୋମୀତ୍‍ ଓ ତାହାର ଭ୍ରାତୃଗଣ ସେହିସବୁ ପବିତ୍ରୀକୃତ ବସ୍ତୁର କୋଷାଧ୍ୟକ୍ଷ ଥିଲେ।
\v 27 ସେମାନେ ସଦାପ୍ରଭୁଙ୍କ ଗୃହର ପୁନଃନିର୍ମାଣ ନିମନ୍ତେ ଯୁଦ୍ଧରେ ପ୍ରାପ୍ତ ଲୁଟଦ୍ରବ୍ୟ ମଧ୍ୟରୁ ପବିତ୍ର କଲେ।
\v 28 ପୁଣି, ଶାମୁୟେଲ ଦର୍ଶକ ଓ କୀଶ୍‍ର ପୁତ୍ର ଶାଉଲ ଓ ନେର୍‍ର ପୁତ୍ର ଅବ୍‍ନର, ସରୁୟାର ପୁତ୍ର ଯୋୟାବ ଯେସବୁ ଦ୍ରବ୍ୟ ପବିତ୍ର କରିଥିଲେ; ଯିଏ ଯାହା କିଛି ପବିତ୍ର କରିଥିଲା, ତାହା ଶଲୋମୀତ୍‍ର ଓ ତାହାର ଭ୍ରାତୃଗଣର ହସ୍ତାଧୀନରେ ରହିଲା।
\s ଅନ୍ୟ ଲେବୀୟମାନଙ୍କ କାର୍ଯ୍ୟଭାର
\p
\s5
\v 29 ଯିଷ୍‍ହରୀୟମାନଙ୍କ ମଧ୍ୟରୁ କନନୀୟ ଓ ତାହାର ପୁତ୍ରଗଣ ବାହାର କାର୍ଯ୍ୟ ନିମନ୍ତେ ଇସ୍ରାଏଲ ଉପରେ କାର୍ଯ୍ୟଶାସକ ଓ ବିଚାରକର୍ତ୍ତା ହେଲେ।
\v 30 ହିବ୍ରୋଣୀୟମାନଙ୍କ ମଧ୍ୟରୁ ହଶବୀୟ ଓ ତାହାର ଭ୍ରାତୃଗଣ ଏକ ସହସ୍ର ସାତ ଶହ ବିକ୍ରମୀ ପୁରୁଷ ସଦାପ୍ରଭୁଙ୍କର ସକଳ କାର୍ଯ୍ୟ ଓ ରାଜସେବା ନିମନ୍ତେ ଯର୍ଦ୍ଦନ ସେପାରି ପଶ୍ଚିମ ଦିଗରେ ଇସ୍ରାଏଲର ତତ୍ତ୍ୱାବଧାରକ ଥିଲେ।
\s5
\v 31 ହିବ୍ରୋଣୀୟମାନଙ୍କ ପିତୃବଂଶାନୁଯାୟୀ ବଂଶାବଳୀରେ ଯିରୀୟ ହିବ୍ରୋଣୀୟମାନଙ୍କ ମଧ୍ୟରେ ପ୍ରଧାନ ଥିଲା। ଦାଉଦଙ୍କ ରାଜତ୍ଵର ଚାଳିଶ ବର୍ଷରେ ସେମାନଙ୍କର ଅନୁସନ୍ଧାନ କରାଯା’ନ୍ତେ, ସେମାନଙ୍କ ମଧ୍ୟରେ ଗିଲୀୟଦସ୍ଥ ଯାସେରରେ ମହାବିକ୍ରମଶାଳୀ ଲୋକମାନେ ଦେଖାଗଲେ।
\v 32 ଆଉ ଯିରୀୟର ଭ୍ରାତୃଗଣ ବିକ୍ରମଶାଳୀ, ପିତୃବଂଶର ପ୍ରଧାନ, ଦୁଇ ସହସ୍ର ସାତ ଶହ ଲୋକ ଥିଲେ; ଦାଉଦ ରାଜା ସେମାନଙ୍କୁ ପରମେଶ୍ୱରଙ୍କ ସମ୍ବନ୍ଧୀୟ ସକଳ ବିଷୟ ନିମନ୍ତେ ଓ ରାଜକାର୍ଯ୍ୟ ନିମନ୍ତେ ରୁବେନୀୟ ଓ ଗାଦୀୟମାନଙ୍କ ଓ ମନଃଶିର ଅର୍ଦ୍ଧ ବଂଶ ଉପରେ ନିଯୁକ୍ତ କଲେ।
\s5
\c 27
\s ବାର୍ଷିକ ସାମରିକ ଦାୟିତ୍ୱ
\p
\v 1 ଆପଣା ଆପଣା ସଂଖ୍ୟାନୁସାରେ ଇସ୍ରାଏଲ ସନ୍ତାନଗଣ, ଅର୍ଥାତ୍‍, ପିତୃବଂଶର ପ୍ରଧାନମାନେ ଓ ସହସ୍ରପତିମାନେ ଓ ଶତପତିମାନେ ଓ ସେମାନଙ୍କର କାର୍ଯ୍ୟଶାସକମାନେ, ବର୍ଷର ସମୁଦାୟ ମାସରେ ମାସକୁ ମାସ ପାଳିର ଯେକୌଣସି ବିଷୟରେ ରାଜାଙ୍କର ସେବା କରିବାକୁ ଆସିଲେ ଓ ଗଲେ, ସେମାନଙ୍କ ପ୍ରତ୍ୟେକ ପାଳିରେ ଚବିଶ ହଜାର ଲୋକ ଥିଲେ।
\v 2 ପ୍ରଥମ ପାଳି ଉପରେ ପ୍ରଥମ ମାସ ନିମନ୍ତେ ସବ୍‍ଦୀୟେଲର ପୁତ୍ର ଯାଶ୍‍ବୀୟାମ୍‍ ଥିଲା; ଆଉ ତାହାର ପାଳିରେ ଚବିଶ ହଜାର ଲୋକ ଥିଲେ।
\v 3 ସେ ପେରସ ବଂଶୀୟ ଲୋକ, ପ୍ରଥମ ମାସ ପାଇଁ ନିଯୁକ୍ତ ସକଳ ସେନାପତିଙ୍କ ଉପରେ ପ୍ରଧାନ ଥିଲା।
\s5
\v 4 ଦ୍ୱିତୀୟ ମାସର ପାଳି ଉପରେ ଅହୋହୀୟ ଦୋଦୟ ଓ ତାହାର ଦଳୀୟ ଲୋକ ଥିଲେ; ମିକ୍ଲୋତ୍‍ ଶାସକ ଥିଲା ଓ ତାହାର ପାଳିରେ ଚବିଶ ହଜାର ଲୋକ ଥିଲେ।
\v 5 ତୃତୀୟ ମାସ ନିମନ୍ତେ ତୃତୀୟ ସେନାପତି ଯିହୋୟାଦା ଯାଜକର ପୁତ୍ର ବନାୟ ପ୍ରଧାନ ଥିଲା; ତାହାର ପାଳିରେ ଚବିଶ ହଜାର ଲୋକ ଥିଲେ।
\v 6 ଏହି ବନାୟ ତିରିଶ ବୀରଙ୍କ ମଧ୍ୟରେ ଗଣିତ ଓ ସେହି ତିରିଶ ଜଣଙ୍କ ଉପରେ ପ୍ରଧାନ ଥିଲା; ଆଉ ତାହାର ପାଳିରେ ତାହାର ପୁତ୍ର ଅମ୍ମୀଷାବଦ୍‍ ଥିଲା।
\s5
\v 7 ଚତୁର୍ଥ ମାସ ପାଇଁ ଚତୁର୍ଥ ସେନାପତି ଯୋୟାବର ଭ୍ରାତା ଅସାହେଲ ଥିଲା ଓ ତାହା ଉତ୍ତାରେ ତାହାର ପୁତ୍ର ସବଦୀୟ; ଆଉ ତାହାର ପାଳିରେ ଚବିଶ ହଜାର ଲୋକ ଥିଲେ।
\v 8 ପଞ୍ଚମ ମାସ ନିମନ୍ତେ ପଞ୍ଚମ ସେନାପତି ଯିଷ୍ରାହୀୟ ଶମ୍ମୋତ୍‍ ଥିଲା; ଆଉ ତାହାର ପାଳିରେ ଚବିଶ ହଜାର ଲୋକ ଥିଲେ।
\v 9 ଷଷ୍ଠ ମାସ ନିମନ୍ତେ ଷଷ୍ଠ ସେନାପତି ତକୋୟୀୟ ଇକ୍‍କେଶର ପୁତ୍ର ଈରା ଥିଲା; ଆଉ ତାହାର ପାଳିରେ ଚବିଶ ହଜାର ଲୋକ ଥିଲେ।
\s5
\v 10 ସପ୍ତମ ମାସ ନିମନ୍ତେ ସେନାପତି ଇଫ୍ରୟିମ-ବଂଶଜାତ ପଲୋନୀୟ ହେଲସ୍‍ ଥିଲା; ଆଉ ତାହାର ପାଳିରେ ଚବିଶ ହଜାର ଲୋକ ଥିଲେ।
\v 11 ଅଷ୍ଟମ ମାସ ନିମନ୍ତେ ଅଷ୍ଟମ ସେନାପତି ସେରହ-ବଂଶଜାତ ହୂଶାତୀୟ ସିବ୍ବଖୟ ଥିଲା; ଆଉ ତାହାର ପାଳିରେ ଚବିଶ ହଜାର ଲୋକ ଥିଲେ।
\v 12 ନବମ ମାସ ନିମନ୍ତେ ନବମ ସେନାପତି ବିନ୍ୟାମୀନ୍-ବଂଶଜାତ ଅନାଥୋତୀୟ ଅବୀୟେଷର ଥିଲା; ଆଉ ତାହାର ପାଳିରେ ଚବିଶ ହଜାର ଲୋକ ଥିଲେ।
\s5
\v 13 ଦଶମ ମାସ ନିମନ୍ତେ ଦଶମ ସେନାପତି ସେରହ-ବଂଶଜାତ ନଟୋଫାତୀୟ ମହରୟ ଥିଲା; ଆଉ ତାହାର ପାଳିରେ ଚବିଶ ହଜାର ଲୋକ ଥିଲେ।
\v 14 ଏକାଦଶ ମାସ ନିମନ୍ତେ ଏକାଦଶ ସେନାପତି ଇଫ୍ରୟିମ-ବଂଶଜାତ ପିରୀୟାଥୋନୀୟ ବନାୟ ଥିଲା; ଆଉ ତାହାର ପାଳିରେ ଚବିଶ ହଜାର ଲୋକ ଥିଲେ।
\v 15 ଦ୍ୱାଦଶ ମାସ ନିମନ୍ତେ ଦ୍ୱାଦଶ ସେନାପତି ଅତ୍ନୀୟେଲ-ବଂଶଜାତ ନଟୋଫାତୀୟ ହିଲ୍‍ଦୟ ଥିଲା; ଆଉ ତାହାର ପାଳିରେ ଚବିଶ ହଜାର ଲୋକ ଥିଲେ।
\s ଇସ୍ରାଏଲ ଗୋଷ୍ଠୀବର୍ଗଙ୍କ ପ୍ରଶାସନ
\p
\s5
\v 16 ଆହୁରି ଇସ୍ରାଏଲର ବଂଶାଧ୍ୟକ୍ଷଗଣ; ରୁବେନୀୟମାନଙ୍କ ମଧ୍ୟରେ ସିଖ୍ରିର ପୁତ୍ର ଅଧ୍ୟକ୍ଷ ଇଲୀୟେଜର; ଶିମୀୟୋନୀୟମାନଙ୍କ ମଧ୍ୟରେ ମାଖାର ପୁତ୍ର ଶଫଟୀୟ।
\v 17 ଲେବୀ-ବଂଶ ମଧ୍ୟରେ କମୂୟେଲର ପୁତ୍ର ହଶବୀୟ; ହାରୋଣ-ବଂଶ ମଧ୍ୟରେ ସାଦୋକ।
\v 18 ଯିହୁଦା-ବଂଶ ମଧ୍ୟରେ ଦାଉଦଙ୍କର ଜଣେ ଭ୍ରାତା ଇଲୀହୂ; ଇଷାଖର-ବଂଶ ମଧ୍ୟରେ ମୀଖାୟେଲର ପୁତ୍ର ଅମ୍ରି।
\s5
\v 19 ସବୂଲୂନ-ବଂଶ ମଧ୍ୟରେ ଓବଦୀୟର ପୁତ୍ର ଯିଶ୍ମୟୀୟ; ନପ୍ତାଲି-ବଂଶ ମଧ୍ୟରେ ଅସ୍ରୀୟେଲ୍‍ର ପୁତ୍ର ଯିରେମୋତ୍‍।
\v 20 ଇଫ୍ରୟିମ-ସନ୍ତାନଗଣ ମଧ୍ୟରେ ଅସସୀୟର ପୁତ୍ର ହୋଶେୟ; ମନଃଶିର ଅର୍ଦ୍ଧ ବଂଶ ମଧ୍ୟରେ ପଦାୟର ପୁତ୍ର ଯୋୟେଲ।
\v 21 ଗିଲୀୟଦସ୍ଥ ମନଃଶିର ଅର୍ଦ୍ଧ ବଂଶ ମଧ୍ୟରେ ଜିଖରୀୟର ପୁତ୍ର ଇଦ୍ଦୋ; ବିନ୍ୟାମୀନ୍-ବଂଶ ମଧ୍ୟରେ ଅବ୍‍ନରର ପୁତ୍ର ଯାସୀୟେଲ୍‍।
\v 22 ଦାନ୍‍-ବଂଶ ମଧ୍ୟରେ ଯିରୋହମର ପୁତ୍ର ଅସରେଲ୍‍; ଏମାନେ ଇସ୍ରାଏଲର ବଂଶାଧ୍ୟକ୍ଷ ଥିଲେ।
\s5
\v 23 ମାତ୍ର ଦାଉଦ କୋଡ଼ିଏ ବର୍ଷ ଓ ତହିଁରୁ ନ୍ୟୂନ ବୟସ୍କ ଲୋକମାନଙ୍କର ସଂଖ୍ୟା ନେଲେ ନାହିଁ। କାରଣ ସଦାପ୍ରଭୁ ଆକାଶମଣ୍ଡଳର ତାରାଗଣ ତୁଲ୍ୟ ଇସ୍ରାଏଲକୁ ବହୁସଂଖ୍ୟକ କରିବେ ବୋଲି କହିଥିଲେ।
\v 24 ସରୁୟାର ପୁତ୍ର ଯୋୟାବ ଗଣନା କରିବାକୁ ଆରମ୍ଭ କରିଥିଲା, ମାତ୍ର ସମାପ୍ତ କଲା ନାହିଁ; କାରଣ, ସେହି ଗଣନା ସକାଶୁ ଇସ୍ରାଏଲ ଉପରେ କ୍ରୋଧ ଉପସ୍ଥିତ ହେଲା; ପୁଣି, ସେହି ସଂଖ୍ୟା ଦାଉଦ ରାଜାଙ୍କର ଇତିହାସ ପୁସ୍ତକରେ ଲେଖାଗଲା ନାହିଁ।
\s5
\v 25 ଆଉ, ଅଦୀୟେଲର ପୁତ୍ର ଅସ୍ମାବତ୍‍ ରାଜାଙ୍କ କୋଷାଧ୍ୟକ୍ଷ, ପୁଣି, ଉଷୀୟର ପୁତ୍ର ଯୋନାଥନ କ୍ଷେତ୍ର, ନଗର ଓ ଗ୍ରାମ ଓ ଦୁର୍ଗସ୍ଥିତ ଭଣ୍ଡାରସବୁର ଅଧ୍ୟକ୍ଷ ଥିଲା।
\v 26 ଆଉ କଲୂବର ପୁତ୍ର ଇଷ୍ରି କୃଷିକର୍ମକାରୀମାନଙ୍କର ଅଧ୍ୟକ୍ଷ ଥିଲା।
\v 27 ରାମାଥୀୟ ଶିମୀୟି ଦ୍ରାକ୍ଷାକ୍ଷେତ୍ରସକଳର ଅଧ୍ୟକ୍ଷ ଓ ଶିଫ୍‍ମୀୟ ସବ୍‍ଦି ଦ୍ରାକ୍ଷାକ୍ଷେତ୍ରୋତ୍ପନ୍ନ ଦ୍ରାକ୍ଷାରସ-ଭଣ୍ଡାରର ଅଧ୍ୟକ୍ଷ ଥିଲା।
\s5
\v 28 ପୁଣି, ଗାଦେରୀୟ ବାଲ୍‍ହାନନ୍‍ ତଳଭୂମିସ୍ଥିତ ଜୀତବୃକ୍ଷ ଓ ଡିମ୍ବିରି ବୃକ୍ଷସବୁର ଅଧ୍ୟକ୍ଷ ଓ ଯୋୟାଶ୍‍ ତୈଳ-ଭଣ୍ଡାରର ଅଧ୍ୟକ୍ଷ ଥିଲା।
\v 29 ଆଉ ଶାରୋଣୀୟ ସିଟ୍ରୟ ଶାରୋଣରେ ଚରିବା ପଶୁପଲର ଅଧ୍ୟକ୍ଷ; ପୁଣି, ଅଦ୍‍ଲୟର ପୁତ୍ର ଶାଫଟ୍‍ ସବୁ ଉପତ୍ୟକାସ୍ଥିତ ପଶୁପଲର ଅଧ୍ୟକ୍ଷ ଥିଲା।
\s5
\v 30 ଇଶ୍ମାୟେଲୀୟ ଓବୀଲ୍‍ ଉଷ୍ଟ୍ରଗଣର ଅଧ୍ୟକ୍ଷ ଓ ମେରୋଣୋଥୀୟ ଯେହଦୀୟ ଗର୍ଦ୍ଦଭୀଗଣର ଅଧ୍ୟକ୍ଷ ଥିଲା।
\v 31 ହାଗରୀୟ ଯାଷୀଷ୍‍ ସବୁ ମେଷପଲର ଅଧ୍ୟକ୍ଷ ଥିଲା; ଏସମସ୍ତେ ଦାଉଦ ରାଜାଙ୍କର ସମ୍ପତ୍ତିର ଅଧ୍ୟକ୍ଷ ଥିଲେ।
\s ଦାଉଦଙ୍କ ବ୍ୟକ୍ତିଗତ ପରାମର୍ଶଦାତାଗଣ
\p
\s5
\v 32 ଆହୁରି ଦାଉଦଙ୍କର ପିତୃବ୍ୟ ଯୋନାଥନ ମନ୍ତ୍ରୀ ଥିଲା, ସେ ବିଜ୍ଞ ଓ ଲେଖକ। ଆଉ ହକ୍‍ମୋନୀୟର ପୁତ୍ର ଯିହୀୟେଲ ରାଜପୁତ୍ରମାନଙ୍କର ସଙ୍ଗୀ ଥିଲା।
\v 33 ଅହୀଥୋଫଲ ରାଜମନ୍ତ୍ରୀ ଓ ଅର୍କୀୟ ହୂଶୟ ରାଜମିତ୍ର ଥିଲା।
\v 34 ଆଉ ଅହୀଥୋଫଲ ଉତ୍ତାରେ ବନାୟର ପୁତ୍ର ଯିହୋୟାଦା ଓ ଅବୀୟାଥର ଥିଲେ; ପୁଣି, ଯୋୟାବ ରାଜାଙ୍କ ସୈନ୍ୟର ଅଧିପତି ଥିଲା।
\s5
\c 28
\s ମନ୍ଦିର ନିମନ୍ତେ ଦାଉଦଙ୍କ ନିର୍ଦ୍ଦେଶାବଳୀ
\p
\v 1 ଏଥିଉତ୍ତାରେ ଦାଉଦ ଇସ୍ରାଏଲର ସମଗ୍ର ଅଧିପତିଙ୍କୁ, ବଂଶାଧିପତିଗଣଙ୍କୁ ଓ ପାଳି କ୍ରମେ ରାଜାଙ୍କର ସେବାକାରୀ ଦଳର ଅଧ୍ୟକ୍ଷମାନଙ୍କୁ, ପୁଣି, ସହସ୍ରପତି ଓ ଶତପତିମାନଙ୍କୁ, ଆଉ ରାଜାଙ୍କର ଓ ରାଜପୁତ୍ରମାନଙ୍କର ସକଳ ସମ୍ପତ୍ତି ଓ ଅଧିକାରର ଅଧ୍ୟକ୍ଷମାନଙ୍କୁ ଓ ନପୁଂସକଗଣକୁ ଓ ବୀରମାନଙ୍କୁ ଓ ମହାବିକ୍ରମଶାଳୀ ଲୋକଙ୍କୁ ଯିରୂଶାଲମରେ ଏକତ୍ର କଲେ।
\s5
\v 2 ତହୁଁ ଦାଉଦ ରାଜା ଆପଣା ପାଦରେ ଠିଆ ହୋଇ କହିଲେ, “ହେ ମୋହର ଭ୍ରାତୃଗଣ, ମୋହର ଲୋକମାନେ, ମୋହର କଥା ଶୁଣ; ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ନିମନ୍ତେ ଓ ଆମ୍ଭମାନଙ୍କ ପରମେଶ୍ୱରଙ୍କ ପାଦପୀଠ ନିମନ୍ତେ ଏକ ବିଶ୍ରାମର ଗୃହ ନିର୍ମାଣ କରିବା ମୋହର ମନସ୍ଥ ଥିଲା ଓ ମୁଁ ନିର୍ମାଣାର୍ଥେ ଆୟୋଜନ କରିଥିଲି।
\v 3 ମାତ୍ର ପରମେଶ୍ୱର ମୋତେ କହିଲେ, “ତୁମ୍ଭେ ଆମ୍ଭ ନାମ ଉଦ୍ଦେଶ୍ୟରେ ଗୃହ ନିର୍ମାଣ କରିବ ନାହିଁ, କାରଣ ତୁମ୍ଭେ ଯୁଦ୍ଧକାରୀ ଓ ରକ୍ତପାତ
\f +
\fr 28:3
\fq ରକ୍ତପାତ
\ft ଲୋକମାନଙ୍କୁ ବଧ
\f* କରିଅଛ।”
\s5
\v 4 ଯାହାହେଉ, ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ମୋହର ସମୁଦାୟ ପିତୃବଂଶ ମଧ୍ୟରୁ ମୋତେ ଇସ୍ରାଏଲ ଉପରେ ନିତ୍ୟ ରାଜା ହେବା ପାଇଁ ମନୋନୀତ କରିଅଛନ୍ତି; କାରଣ ସେ ଅଗ୍ରଣୀ ହେବା ପାଇଁ ଯିହୁଦାକୁ ଓ ଯିହୁଦା-ବଂଶ ମଧ୍ୟରୁ ମୋ’ ପିତୃବଂଶକୁ ମନୋନୀତ କରିଅଛନ୍ତି; ସେ ମୋ’ ପିତାଙ୍କ ପୁତ୍ରଗଣ ମଧ୍ୟରୁ ମୋତେ ସମୁଦାୟ ଇସ୍ରାଏଲ ଉପରେ ରାଜା କରିବା ପାଇଁ ମୋ’ଠାରେ ସନ୍ତୁଷ୍ଟ ହେଲେ;
\v 5 ସଦାପ୍ରଭୁ ମୋତେ ଅନେକ ପୁତ୍ର ଦେଇଅଛନ୍ତି, ମାତ୍ର ମୋହର ସବୁ ପୁତ୍ର ମଧ୍ୟରୁ ଇସ୍ରାଏଲ ଉପରେ ସଦାପ୍ରଭୁଙ୍କ ରାଜ୍ୟର ସିଂହାସନରେ ବସିବା ପାଇଁ ସେ ମୋ’ ପୁତ୍ର ଶଲୋମନକୁ ମନୋନୀତ କରିଅଛନ୍ତି।
\s5
\v 6 ଆଉ, ସେ ମୋତେ କହିଅଛନ୍ତି, ତୁମ୍ଭ ପୁତ୍ର ଶଲୋମନ ଆମ୍ଭର ଗୃହ ଓ ଆମ୍ଭର ପ୍ରାଙ୍ଗଣସବୁ ନିର୍ମାଣ କରିବ; କାରଣ ଆମ୍ଭେ ତାହାକୁ ଆମ୍ଭର ପୁତ୍ର ହେବା ପାଇଁ ମନୋନୀତ କରିଅଛୁ ଓ ଆମ୍ଭେ ତାହାର ପିତା ହେବା।
\v 7 ଆଉ, ଆଜିର ନ୍ୟାୟ ଯଦି ସେ ଆମ୍ଭର ଆଜ୍ଞା ଓ ଶାସନସବୁ ପାଳନ କରିବାକୁ ଦୃଢ଼ଚିତ୍ତ ହେବ, ତେବେ ଆମ୍ଭେ ତାହାର ରାଜ୍ୟ ଚିରକାଳ ସ୍ଥିର କରିବା।
\s5
\v 8 ଏହେତୁ ଏବେ ସଦାପ୍ରଭୁଙ୍କ ସମାଜ ଓ ସମଗ୍ର ଇସ୍ରାଏଲ ସାକ୍ଷାତରେ ଓ ଆମ୍ଭମାନଙ୍କ ପରମେଶ୍ୱରଙ୍କ କର୍ଣ୍ଣଗୋଚରରେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ସକଳ ଆଜ୍ଞା ମନୋଯୋଗ କରି ଅନ୍ୱେଷଣ କର; ତହିଁରେ ତୁମ୍ଭେମାନେ ଏହି ଉତ୍ତମ ଦେଶ ଅଧିକାର କରିବ ଓ ତୁମ୍ଭମାନଙ୍କ ଉତ୍ତାରେ ଚିରକାଳ ତୁମ୍ଭମାନଙ୍କ ସନ୍ତାନଗଣର ଅଧିକାରାର୍ଥେ ତାହା ଛାଡ଼ିକରି ଯିବ।
\s ଶଲୋମନଙ୍କୁ ଦାଉଦଙ୍କ ଆଜ୍ଞା
\p
\s5
\v 9 ଆଉ, ହେ ମୋହର ପୁତ୍ର ଶଲୋମନ, ତୁମ୍ଭେ ଆପଣା ପିତାର ପରମେଶ୍ୱରଙ୍କୁ ଜ୍ଞାତ ହୁଅ ଓ ସିଦ୍ଧ ଅନ୍ତଃକରଣରେ ଓ ଇଚ୍ଛୁକ ମନରେ ତାହାଙ୍କର ସେବା କର; କାରଣ ସଦାପ୍ରଭୁ ସମସ୍ତ ଅନ୍ତଃକରଣ ଅନୁସନ୍ଧାନ କରନ୍ତି ଓ ଚିନ୍ତାର ସକଳ କଳ୍ପନା ବୁଝନ୍ତି; ଯଦି ତୁମ୍ଭେ ତାହାଙ୍କର ଅନ୍ୱେଷଣ କରିବ, ତେବେ ତୁମ୍ଭେ ତାହାଙ୍କର ଉଦ୍ଦେଶ୍ୟ ପାଇବ; ମାତ୍ର ଯଦି ତୁମ୍ଭେ ତାହାଙ୍କୁ ତ୍ୟାଗ କରିବ, ତେବେ ସେ ତୁମ୍ଭକୁ ଚିରକାଳ ଦୂର କରିବେ।
\v 10 ଏବେ ସାବଧାନ ହୁଅ; କାରଣ ପବିତ୍ର ଆବାସ ନିମନ୍ତେ ଗୋଟିଏ ଗୃହ ନିର୍ମାଣ କରିବାକୁ ସଦାପ୍ରଭୁ ତୁମ୍ଭକୁ ମନୋନୀତ କରିଅଛନ୍ତି; ବଳବାନ ହୁଅ ଓ ତାହା କର।”
\s5
\v 11 ତେବେ ଦାଉଦ ଆପଣା ପୁତ୍ର ଶଲୋମନଙ୍କୁ ମନ୍ଦିର-ବରଣ୍ଡାର ଓ ତହିଁ ଗୃହର ଓ ତହିଁ ଭଣ୍ଡାରର ଓ ତହିଁ ଉପର କୋଠରି ଓ ତହିଁ ଭିତର କୋଠରିର ଓ ପାପାଚ୍ଛାଦନ ସ୍ଥାନର ନମୁନା ଦେଲେ;
\v 12 ଆହୁରି, ସେ ଆତ୍ମାଙ୍କ ଦ୍ୱାରା ସଦାପ୍ରଭୁଙ୍କ ଗୃହର ପ୍ରାଙ୍ଗଣ ନିମନ୍ତେ ଓ ଚତୁର୍ଦ୍ଦିଗସ୍ଥିତ ସମସ୍ତ କୋଠରି ନିମନ୍ତେ ଓ ପରମେଶ୍ୱରଙ୍କ ଗୃହର ଭଣ୍ଡାର ନିମନ୍ତେ ଓ ପବିତ୍ରୀକୃତ ବସ୍ତୁସବୁର ଭଣ୍ଡାର ନିମନ୍ତେ ପ୍ରାପ୍ତ ସମସ୍ତ ନମୁନା ଦେଲେ;
\s5
\v 13 ମଧ୍ୟ ଯାଜକ ଓ ଲେବୀୟମାନଙ୍କ ପାଳି ନିମନ୍ତେ ଓ ସଦାପ୍ରଭୁଙ୍କ ଗୃହର ସେବାର୍ଥକ ସମସ୍ତ କାର୍ଯ୍ୟ ନିମନ୍ତେ ଓ ସଦାପ୍ରଭୁଙ୍କ ଗୃହରେ ସେବାର୍ଥକ ସମସ୍ତ ପାତ୍ର ନିମନ୍ତେ;
\v 14 ଯଥା, ପ୍ରତ୍ୟେକ ପ୍ରକାର ସେବାର୍ଥକ ସମସ୍ତ ପାତ୍ର, ଅର୍ଥାତ୍‍, ସ୍ୱର୍ଣ୍ଣମୟ ପାତ୍ର ନିମନ୍ତେ ସୁନା; ପ୍ରତ୍ୟେକ ପ୍ରକାର ସେବାର୍ଥକ ସମସ୍ତ ପାତ୍ର, ଅର୍ଥାତ୍‍, ରୌପ୍ୟମୟ ପାତ୍ର ନିମନ୍ତେ ରୂପା ତୌଲି ଦେଲେ;
\v 15 ମଧ୍ୟ ସ୍ୱର୍ଣ୍ଣମୟ ଦୀପବୃକ୍ଷସକଳ ନିମନ୍ତେ ଓ ତହିଁର ପ୍ରଦୀପ ନିମନ୍ତେ ତୌଲି ଦେଲେ, ଅର୍ଥାତ୍‍, ପ୍ରତ୍ୟେକ ଦୀପବୃକ୍ଷ ଓ ତହିଁର ପ୍ରଦୀପ ନିମନ୍ତେ ସୁନା ତୌଲି ଦେଲେ; ପୁଣି, ରୌପ୍ୟମୟ ଦୀପବୃକ୍ଷସକଳ, ଅର୍ଥାତ୍‍, ପ୍ରତ୍ୟେକ ଦୀପବୃକ୍ଷର ବ୍ୟବହାରାନୁସାରେ ପ୍ରତ୍ୟେକ ଦୀପବୃକ୍ଷ ଓ ତହିଁର ପ୍ରଦୀପ ନିମନ୍ତେ ରୂପା ତୌଲି ଦେଲେ;
\s5
\v 16 ଆଉ, ଦର୍ଶନୀୟ ରୁଟିର ମେଜସକଳ ମଧ୍ୟରୁ ପ୍ରତ୍ୟେକ ସ୍ୱର୍ଣ୍ଣମୟ ମେଜ ନିମନ୍ତେ ସୁନା ଓ ରୌପ୍ୟମୟ ମେଜସକଳ ନିମନ୍ତେ ରୂପା ତୌଲି ଦେଲେ;
\v 17 ଆଉ, ତ୍ରିଶୂଳ ଓ କୁଣ୍ଡ ଓ ପାତ୍ରସକଳ ନିମନ୍ତେ ନିର୍ମଳ ସ୍ୱର୍ଣ୍ଣ; ପୁଣି, ସ୍ୱର୍ଣ୍ଣମୟ ତାଟିଆ ମଧ୍ୟରୁ ପ୍ରତ୍ୟେକ ତାଟିଆର ପରିମାଣ ଓ ରୌପ୍ୟମୟ ତାଟିଆ ମଧ୍ୟରୁ ପ୍ରତ୍ୟେକ ତାଟିଆର ପରିମାଣ;
\s5
\v 18 ଆଉ, ଧୂପବେଦି ନିମନ୍ତେ ନିର୍ମଳ ସ୍ୱର୍ଣ୍ଣର ପରିମାଣ; ଆଉ ରଥ, ଅର୍ଥାତ୍‍, ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ଆଚ୍ଛାଦନକାରୀ ବିସ୍ତୃତପକ୍ଷ କିରୂବମାନଙ୍କ ନମୁନା ନିମନ୍ତେ ସ୍ୱର୍ଣ୍ଣ ଦେଲେ।
\v 19 ଦାଉଦ କହିଲେ, “ଏହିସବୁ, ଅର୍ଥାତ୍‍, ଏହି ନମୁନାର ସମସ୍ତ କର୍ମ ସଦାପ୍ରଭୁଙ୍କ ହସ୍ତ-ଲିଖନରେ ଆମ୍ଭକୁ ବୁଝାଇ ଦିଆଯାଇଅଛି।”
\s5
\v 20 ଏଉତ୍ତାରେ ଦାଉଦ ଆପଣା ପୁତ୍ର ଶଲୋମନଙ୍କୁ କହିଲେ, “ବଳବାନ ଓ ସାହସିକ ହୁଅ ଓ ଏହି କର୍ମ କର; ଭୟ ନ କର, ଅବା ନିରାଶ ନ ହୁଅ; କାରଣ ଆମ୍ଭର ପରମେଶ୍ୱର, ସଦାପ୍ରଭୁ ପରମେଶ୍ୱର ତୁମ୍ଭର ସହବର୍ତ୍ତୀ ଅଛନ୍ତି; ସଦାପ୍ରଭୁଙ୍କ ଗୃହର ସେବାର୍ଥକ ସକଳ କର୍ମ ସମାପ୍ତ ନ ହେବା ପର୍ଯ୍ୟନ୍ତ ସେ ତୁମ୍ଭ ପ୍ରତି ନିରସ୍ତ ହେବେ ନାହିଁ, କି ତୁମ୍ଭକୁ ତ୍ୟାଗ କରିବେ ନାହିଁ।
\v 21 ଆଉ ଦେଖ, ପରମେଶ୍ୱରଙ୍କ ଗୃହର ସମସ୍ତ ସେବା ନିମନ୍ତେ ଯାଜକ ଓ ଲେବୀୟମାନଙ୍କର ପାଳି ଅଛି; ଆଉ ସର୍ବପ୍ରକାର ସେବା ନିମନ୍ତେ ସର୍ବପ୍ରକାର କାର୍ଯ୍ୟରେ ଇଚ୍ଛୁକ ଓ ନିପୁଣ ଲୋକେ ତୁମ୍ଭ ନିକଟରେ ରହିବେ; ମଧ୍ୟ ସେନାପତିଗଣ ଓ ସମସ୍ତ ଲୋକ ସମ୍ପୂର୍ଣ୍ଣ ରୂପେ ତୁମ୍ଭର ଆଜ୍ଞାଧୀନ ହେବେ।”
\s5
\c 29
\s ମନ୍ଦିର ନିର୍ମାଣ ନିମନ୍ତେ ଦାନ
\p
\v 1 ଏଥିଉତ୍ତାରେ ଦାଉଦ ରାଜା ସମଗ୍ର ସମାଜକୁ କହିଲେ, “ପରମେଶ୍ୱର ଆମ୍ଭ ପୁତ୍ର ଶଲୋମନଙ୍କୁ ଏକା ମନୋନୀତ କରିଅଛନ୍ତି, ସେ ଏବେ ମଧ୍ୟ ଅଳ୍ପ ବୟସ୍କ ଓ କୋମଳ, ପୁଣି, କାର୍ଯ୍ୟ ଅତି ବଡ଼; କାରଣ ଏହି ପ୍ରାସାଦ ମନୁଷ୍ୟ ପାଇଁ ନୁହେଁ, ମାତ୍ର ସଦାପ୍ରଭୁ ପରମେଶ୍ୱରଙ୍କ ନିମନ୍ତେ ଅଟେ।
\v 2 ଏବେ ମୁଁ ଆପଣାର ସମସ୍ତ ଶକ୍ତିରେ ମୋ’ ପରମେଶ୍ୱରଙ୍କ ଗୃହ ନିମନ୍ତେ ପ୍ରଚୁର ରୂପେ ସ୍ୱର୍ଣ୍ଣମୟ ଦ୍ରବ୍ୟ ପାଇଁ ସୁନା ଓ ରୌପ୍ୟମୟ ଦ୍ରବ୍ୟ ପାଇଁ ରୂପା ଓ ପିତ୍ତଳମୟ ଦ୍ରବ୍ୟ ପାଇଁ ପିତ୍ତଳ, ଲୌହମୟ ଦ୍ରବ୍ୟ ପାଇଁ ଲୁହା ଓ କାଷ୍ଠମୟ ଦ୍ରବ୍ୟ ପାଇଁ କାଷ୍ଠ; ଗୋମେଦକ ମଣି ଓ ଖଚନାର୍ଥକ ପ୍ରସ୍ତର, ଜଡ଼ିତ-କର୍ମାର୍ଥକ ପ୍ରସ୍ତର ଓ ନାନା ବର୍ଣ୍ଣର ପ୍ରସ୍ତର ଓ ସର୍ବ ପ୍ରକାର ବହୁମୂଲ୍ୟ ପ୍ରସ୍ତର ଓ ମର୍ମର ପ୍ରସ୍ତର ଆୟୋଜନ କରିଅଛି।
\s5
\v 3 ଆହୁରି ମଧ୍ୟ ମୁଁ ଏହି ପବିତ୍ର ଗୃହ ନିମନ୍ତେ ଯାହାସବୁ ଆୟୋଜନ କରିଅଛି, ତାହା ଛଡ଼ା ଓ ତହିଁ ଉପରେ ମୋ’ ନିଜର ସୁନା ଓ ରୂପାର ଭଣ୍ଡାର ଅଛି, ଆଉ ମୁଁ ମୋ’ ପରମେଶ୍ୱରଙ୍କ ଗୃହ ପ୍ରତି ଆପଣା ମନ ଆସକ୍ତ କରି ଥିବାରୁ ମୁଁ ତାହାସବୁ ଆପଣା ପରମେଶ୍ୱରଙ୍କ ଗୃହ ନିମନ୍ତେ ଦେଉଅଛି।
\v 4 ଅର୍ଥାତ୍‍, ଗୃହର କାନ୍ଥରେ ମଡ଼ାଇବା ପାଇଁ ଓଫୀରର ସ୍ୱର୍ଣ୍ଣରୁ ତିନି ହଜାର ତାଳନ୍ତ ସ୍ୱର୍ଣ୍ଣ
\f +
\fr 29:4
\ft ୧୦୦, କିଲୋଗ୍ରାମ୍
\f* ଓ ସାତ ହଜାର ତାଳନ୍ତ
\f +
\fr 29:4
\ft ୨୩୦, କିଲୋଗ୍ରାମ୍
\f* ନିର୍ମଳ ରୂପା;
\v 5 ସ୍ୱର୍ଣ୍ଣମୟ ଦ୍ରବ୍ୟ ନିମନ୍ତେ ସୁନା ଓ ରୌପ୍ୟମୟ ଦ୍ରବ୍ୟ ନିମନ୍ତେ ରୂପା ଓ ଶିଳ୍ପକାରମାନଙ୍କ ହସ୍ତରେ ଯାହା ଯାହା କରାଯିବ, ସେହିସବୁ ପ୍ରକାରର କାର୍ଯ୍ୟ ନିମନ୍ତେ ଦେଉଅଛି। ଅତଏବ, ଆଜି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆପଣାକୁ ପ୍ରତିଷ୍ଠା କରିବାକୁ କିଏ ସ୍ୱେଚ୍ଛାରେ ଉଦ୍ୟତ ଅଛି ?”
\s5
\v 6 ତେବେ ପିତୃବଂଶର ଅଧିପତିମାନେ ଓ ଇସ୍ରାଏଲୀୟ ଗୋଷ୍ଠୀ ସମୂହର ଅଧିପତିମାନେ, ଆଉ ସହସ୍ର ଓ ଶତପତିମାନେ, ପୁଣି, ରାଜକାର୍ଯ୍ୟ-ଶାସକମାନେ ସ୍ୱେଚ୍ଛାରେ ଦାନ କଲେ;
\v 7 ଆଉ ସେମାନେ ପରମେଶ୍ୱରଙ୍କ ଗୃହର ସେବା ନିମନ୍ତେ ପାଞ୍ଚ ହଜାର ତାଳନ୍ତ ସ୍ୱର୍ଣ୍ଣ, ଦଶ ହଜାର ଡାରିକ୍‍ ମୁଦ୍ରା, ଦଶ ହଜାର ତାଳନ୍ତ ରୂପା, ଅଠର ହଜାର ତାଳନ୍ତ ପିତ୍ତଳ ଓ ଏକ ଲକ୍ଷ ତାଳନ୍ତ ଲୁହା ଦେଲେ।
\s5
\v 8 ପୁଣି, ଯେଉଁମାନଙ୍କ ନିକଟରେ ବହୁମୂଲ୍ୟ ପ୍ରସ୍ତରାଦି ମିଳିଲା, ସେମାନେ ଗେର୍ଶୋନୀୟ ଯିହୀୟେଲର ହସ୍ତାଧୀନ ସଦାପ୍ରଭୁଙ୍କ ଭଣ୍ଡାର-ଗୃହରେ ତାହାସବୁ ଦେଲେ।
\v 9 ତହିଁରେ ଲୋକମାନେ ସ୍ୱେଚ୍ଛାପୂର୍ବକ ଦାନ କରିବାରୁ ଆନନ୍ଦ କଲେ, କାରଣ, ସେମାନେ ସିଦ୍ଧଚିତ୍ତରେ ସ୍ୱେଚ୍ଛାପୂର୍ବକ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଦାନ କଲେ; ପୁଣି, ଦାଉଦ ରାଜା ମଧ୍ୟ ମହାନନ୍ଦରେ ଆନନ୍ଦ କଲେ।
\s ସମାଜ ସାକ୍ଷାତରେ ଦାଉଦଙ୍କ ପ୍ରାର୍ଥନା
\p
\s5
\v 10 ଏହେତୁ ଦାଉଦ ସମଗ୍ର ସମାଜ ସାକ୍ଷାତରେ ସଦାପ୍ରଭୁଙ୍କର ଧନ୍ୟବାଦ କଲେ; ଆଉ ଦାଉଦ କହିଲେ, “ହେ ସଦାପ୍ରଭୁ, ଆମ୍ଭମାନଙ୍କ ପିତା ଇସ୍ରାଏଲର ପରମେଶ୍ୱର, ତୁମ୍ଭେ ସଦାକାଳ ଧନ୍ୟ।
\v 11 ହେ ସଦାପ୍ରଭୁ, ମହତ୍ତ୍ୱ, ପରାକ୍ରମ, ଶୋଭା, ଜୟ ଓ ପ୍ରତାପ ତୁମ୍ଭର; କାରଣ, ସ୍ୱର୍ଗ ଓ ପୃଥିବୀରେ ଥିବା ସମସ୍ତ ବିଷୟ ତୁମ୍ଭର; ହେ ସଦାପ୍ରଭୁ, ରାଜ୍ୟ ତୁମ୍ଭର ଓ ତୁମ୍ଭେ ସକଳର ଉପରେ ମସ୍ତକ ରୂପେ ଉନ୍ନତ ଅଟ।
\s5
\v 12 ତୁମ୍ଭଠାରୁ ଧନ ଓ ସମ୍ଭ୍ରମ ଆସେ, ଆଉ ତୁମ୍ଭେ ସମସ୍ତଙ୍କ ଉପରେ କର୍ତ୍ତୃତ୍ୱ କରୁଅଛ; ବଳ ଓ ପରାକ୍ରମ ତୁମ୍ଭ ହସ୍ତରେ ଅଛି; ପୁଣି, ମହାନ୍ କରିବାର ଓ ସମସ୍ତଙ୍କୁ ବଳ ଦେବାର ତୁମ୍ଭର ହସ୍ତାଧୀନ ଅଟେ।
\v 13 ଏହେତୁ ହେ ଆମ୍ଭମାନଙ୍କ ପରମେଶ୍ୱର, ଆମ୍ଭେମାନେ ତୁମ୍ଭର ଧନ୍ୟବାଦ କରୁଅଛୁ ଓ ତୁମ୍ଭ ଗୌରବାନ୍ୱିତ ନାମରେ ପ୍ରଶଂସା କରୁଅଛୁ।
\s5
\v 14 ମାତ୍ର, ମୁଁ କିଏ ଓ ମୋହର ଲୋକମାନେ କିଏ ଯେ, ଆମ୍ଭେମାନେ ଏପରି ସ୍ୱେଚ୍ଛାପୂର୍ବକ ଏପ୍ରକାର ଦାନ କରିବାକୁ ସମର୍ଥ ହେବୁ ? କାରଣ, ସମଗ୍ର ବିଷୟ ତୁମ୍ଭଠାରୁ ଆସେ ଓ ତୁମ୍ଭ ନିଜ ପଦାର୍ଥରୁ ଆମ୍ଭେମାନେ ତୁମ୍ଭକୁ ଦେଇଅଛୁ।
\v 15 କାରଣ, ଆମ୍ଭେମାନେ ଆପଣାମାନଙ୍କ ସମସ୍ତ ପୂର୍ବପୁରୁଷ ତୁଲ୍ୟ ତୁମ୍ଭ ସମ୍ମୁଖରେ ବିଦେଶୀ ଓ ପ୍ରବାସୀ; ପୃଥିବୀରେ ଆମ୍ଭମାନଙ୍କ ଦିନ ଛାୟା ତୁଲ୍ୟ ଓ ସ୍ଥାୟିତ୍ୱ କିଛି ନାହିଁ।
\s5
\v 16 ହେ ସଦାପ୍ରଭୁ, ଆମ୍ଭମାନଙ୍କ ପରମେଶ୍ୱର, ତୁମ୍ଭ ପବିତ୍ର ନାମ ଉଦ୍ଦେଶ୍ୟରେ ଗୋଟିଏ ଗୃହ ନିର୍ମାଣ କରିବା ପାଇଁ ଆମ୍ଭେମାନେ ଏହି ଯେଉଁ ସକଳ ପଦାର୍ଥ ସଞ୍ଚୟ କରିଅଛୁ, ତାହା ତୁମ୍ଭ ହସ୍ତରୁ ଆସିଅଛି ଓ ସବୁ ତୁମ୍ଭ ନିଜର ଅଟେ।
\v 17 ଆହୁରି ହେ ମୋହର ପରମେଶ୍ୱର, ମୁଁ ଜାଣେ ଯେ, ତୁମ୍ଭେ ଅନ୍ତଃକରଣ ପରୀକ୍ଷା କରିଥାଅ ଓ ସରଳତାରେ ତୁମ୍ଭର ସନ୍ତୋଷ ଥାଏ। ମୁଁ ଆପଣା ଅନ୍ତଃକରଣର ସରଳତାରେ ସ୍ୱେଚ୍ଛାପୂର୍ବକ ଏହିସବୁ ପଦାର୍ଥ ଦାନ କରିଅଛି; ଆଉ ଏଠାରେ ଉପସ୍ଥିତ ତୁମ୍ଭ ଲୋକମାନଙ୍କୁ ସ୍ୱେଚ୍ଛାପୂର୍ବକ ତୁମ୍ଭ ଉଦ୍ଦେଶ୍ୟରେ ଦାନ କରିବାର ଦେଖି ମୁଁ ଆନନ୍ଦିତ ହେଲି।
\s5
\v 18 ହେ ସଦାପ୍ରଭୁ, ଆମ୍ଭମାନଙ୍କ ପୂର୍ବପୁରୁଷ ଅବ୍ରହାମର, ଇସ୍‍ହାକର ଓ ଇସ୍ରାଏଲର ପରମେଶ୍ୱର, ତୁମ୍ଭେ ଆପଣା ଲୋକମାନଙ୍କ ହୃଦୟସ୍ଥ ଚିନ୍ତାର କଳ୍ପନାରେ ଏହା ସଦାକାଳ ରଖ ଓ ତୁମ୍ଭ ପ୍ରତି ସେମାନଙ୍କ ହୃଦୟ ପ୍ରସ୍ତୁତ କର;
\v 19 ପୁଣି, ତୁମ୍ଭର ଆଜ୍ଞା, ତୁମ୍ଭ ପ୍ରମାଣ-ବାକ୍ୟ ଓ ତୁମ୍ଭ ବିଧିସବୁ ପାଳନ କରିବା ପାଇଁ ଓ ଏହିସବୁ କାର୍ଯ୍ୟ କରିବା ପାଇଁ, ଆଉ, ମୁଁ ଯେଉଁ ପ୍ରାସାଦ ପାଇଁ ଆୟୋଜନ କରୁଅଛି, ତାହା ନିର୍ମାଣ କରିବା ପାଇଁ ମୋ’ ପୁତ୍ର ଶଲୋମନକୁ ସିଦ୍ଧ ଅନ୍ତଃକରଣ ଦିଅ।”
\s5
\v 20 ଏଉତ୍ତାରେ ଦାଉଦ ସମଗ୍ର ସମାଜକୁ କହିଲେ, “ତୁମ୍ଭେମାନେ ଏବେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କର ଧନ୍ୟବାଦ କର।” ତହିଁରେ ସମସ୍ତ ସମାଜ ସଦାପ୍ରଭୁ ସେମାନଙ୍କ ପୂର୍ବପୁରୁଷଗଣର ପରମେଶ୍ୱରଙ୍କର ଧନ୍ୟବାଦ କଲେ ଓ ଆପଣା ଆପଣା ମସ୍ତକ ନତ କରି ସଦାପ୍ରଭୁଙ୍କୁ ଓ ରାଜାଙ୍କୁ ପ୍ରଣାମ କଲେ।
\v 21 ତହୁଁ ସେମାନେ ପର ଦିନ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ସହସ୍ର ଗୋରୁ, ଏକ ସହସ୍ର ମେଷ ଓ ଏକ ସହସ୍ର ମେଷଶାବକ ପେୟ-ନୈବେଦ୍ୟ ସହିତ ବଳିଦାନ କଲେ ଓ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମବଳି ଓ ସମଗ୍ର ଇସ୍ରାଏଲ ନିମନ୍ତେ ଅଧିକ ପରିମାଣର ବଳି ଉତ୍ସର୍ଗ କଲେ।
\s ଶଲୋମନ ରାଜା ରୂପେ ଅଭିଷିକ୍ତ
\p
\s5
\v 22 ଆଉ ସେହିଦିନ ମହାନନ୍ଦରେ ସଦାପ୍ରଭୁଙ୍କ ସାକ୍ଷାତରେ ଭୋଜନ ପାନ କଲେ। ପୁଣି, ସେମାନେ ଦାଉଦଙ୍କର ପୁତ୍ର ଶଲୋମନଙ୍କୁ ଦ୍ୱିତୀୟ ଥର ରାଜା କଲେ, ଆଉ ତାଙ୍କୁ ଅଗ୍ରଣୀ ହେବା ପାଇଁ ଓ ସାଦୋକକୁ ଯାଜକ ହେବା ପାଇଁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଭିଷେକ କଲେ।
\v 23 ସେତେବେଳେ ଶଲୋମନ ଆପଣା ପିତା ଦାଉଦଙ୍କର ପଦରେ ରାଜା ରୂପେ ସଦାପ୍ରଭୁଙ୍କ ସିଂହାସନରେ ଉପବିଷ୍ଟ ହେଲେ ଓ କୁଶଳ ପ୍ରାପ୍ତ ହେଲେ ଓ ସମୁଦାୟ ଇସ୍ରାଏଲ ତାଙ୍କର ଆଜ୍ଞାକାରୀ ହେଲେ।
\s5
\v 24 ପୁଣି, ସମସ୍ତ ଅଧିପତି ଓ ବୀରଗଣ ଓ ଦାଉଦ ରାଜାଙ୍କର ସମସ୍ତ ପୁତ୍ର ମଧ୍ୟ ଶଲୋମନ ରାଜାଙ୍କର ବଶୀଭୂତ ହେଲେ।
\v 25 ଆଉ ସଦାପ୍ରଭୁ ସମଗ୍ର ଇସ୍ରାଏଲ ଦୃଷ୍ଟିରେ ଶଲୋମନଙ୍କୁ ଅତିଶୟ ମହାନ କଲେ ଓ ତାଙ୍କୁ ଏପରି ରାଜପ୍ରତାପ ଦାନ କଲେ ଯେ, ଇସ୍ରାଏଲ ମଧ୍ୟରେ ତାଙ୍କ ପୂର୍ବବର୍ତ୍ତୀ କୌଣସି ରାଜା ସେପରି ପ୍ରାପ୍ତ ହୋଇ ନ ଥିଲେ।
\s5
\v 26 ଯିଶୀର ପୁତ୍ର ଦାଉଦ ସମୁଦାୟ ଇସ୍ରାଏଲ ଉପରେ ରାଜ୍ୟ କଲେ।
\s ଦାଉଦଙ୍କର ରାଜତ୍ୱର ସଂକ୍ଷିପ୍ତ ବର୍ଣ୍ଣନା
\p
\v 27 ଇସ୍ରାଏଲ ଉପରେ ତାଙ୍କର ରାଜତ୍ୱର ସମୟ ଚାଳିଶ ବର୍ଷ; ସେ ସାତ ବର୍ଷ ହିବ୍ରୋଣରେ ଓ ତେତ୍ରିଶ ବର୍ଷ ଯିରୂଶାଲମରେ ରାଜ୍ୟ କଲେ।
\v 28 ତହିଁ ଉତ୍ତାରେ ସେ ଆୟୁଷ, ଧନ ଓ ସମ୍ଭ୍ରମରେ ପରିପୂର୍ଣ୍ଣ ହୋଇ ଉତ୍ତମ ବୃଦ୍ଧାବସ୍ଥାରେ ମଲେ; ପୁଣି, ତାଙ୍କ ପୁତ୍ର ଶଲୋମନ ତାଙ୍କ ପଦରେ ରାଜ୍ୟ କଲେ।
\s5
\v 29 ଏହି ଦାଉଦ ରାଜାଙ୍କର ପ୍ରଥମ ଓ ଶେଷ କ୍ରିୟାସବୁ, ଦେଖ, ଶାମୁୟେଲ ଦର୍ଶକର ଇତିହାସରେ ଓ ନାଥନ ଭବିଷ୍ୟଦ୍‍ବକ୍ତାଙ୍କର ଇତିହାସରେ ଓ ଗାଦ୍‍ ଦର୍ଶକର ଇତିହାସରେ ଲିଖିତ ଅଛି;
\v 30 ତହିଁ ସଙ୍ଗେ ତାଙ୍କର ରାଜ୍ୟ ଶାସନ ଓ ତାଙ୍କର ପରାକ୍ରମ, ପୁଣି, ତାଙ୍କ ଉପରେ ଓ ଇସ୍ରାଏଲ ଉପରେ ଓ ନାନା ଦେଶୀୟ ସମସ୍ତ ରାଜ୍ୟ ଉପରେ ଯାହା ଯାହା ଘଟିଲା, ସେସବୁର ବିବରଣ ଲେଖାଅଛି।