or_ulb/23-ISA.usfm

2522 lines
512 KiB
Plaintext
Raw Permalink Blame History

This file contains ambiguous Unicode characters

This file contains Unicode characters that might be confused with other characters. If you think that this is intentional, you can safely ignore this warning. Use the Escape button to reveal them.

\id ISA - Odia Old Version Revision
\ide UTF-8
\rem Copyright Information: Creative Commons Attribution- ShareAlike 4.0 License
\h ଯିଶାଇୟ ଭବିଷ୍ୟଦ୍‍ବକ୍ତାଙ୍କର ପୁସ୍ତକ
\toc1 ଯିଶାଇୟ
\toc2 ଯିଶାଇୟ
\toc3 isa
\mt1 ଯିଶାଇୟ ଭବିଷ୍ୟଦ୍‍ବକ୍ତାଙ୍କର ପୁସ୍ତକ
\s5
\c 1
\p
\v 1 ଆମୋସର ପୁତ୍ର ଯିଶାଇୟଙ୍କର ଦର୍ଶନ, ସେ ଯିହୁଦା ରାଜାଗଣ ଉଷୀୟ, ଯୋଥମ୍‍, ଆହସ୍‌ ଓ ହିଜକୀୟର ରାଜତ୍ଵ ସମୟରେ ଯିହୁଦା ଓ ଯିରୂଶାଲମ ବିଷୟରେ ଏହି ଦର୍ଶନ ପାଇଲେ।
\s ଈଶ୍ୱରଙ୍କ ଅନୁଯୋଗ
\q
\s5
\v 2 ହେ ଆକାଶମଣ୍ଡଳ, ଶୁଣ, ହେ ପୃଥିବୀ, କର୍ଣ୍ଣପାତ କର, କାରଣ ସଦାପ୍ରଭୁ କହିଅଛନ୍ତି;
\q “ଆମ୍ଭେ ସନ୍ତାନଗଣକୁ ପ୍ରତିପାଳନ ଓ ଭରଣପୋଷଣ କରିଅଛୁ,
\q ମାତ୍ର ସେମାନେ ଆମ୍ଭର ବିଦ୍ରୋହାଚରଣ କରିଅଛନ୍ତି।”
\q
\v 3 ଗୋରୁ ଆପଣା ଖାଉନ୍ଦକୁ ଓ ଗର୍ଦ୍ଦଭ ଆପଣା କର୍ତ୍ତାର କୁଣ୍ଡକୁ ଚିହ୍ନେ;
\q ମାତ୍ର ଇସ୍ରାଏଲ ଜାଣେ ନାହିଁ, ଆମ୍ଭର ଲୋକମାନେ ବିବେଚନା କରନ୍ତି ନାହିଁ।
\q
\s5
\v 4 ଆହା ପାପିଷ୍ଠ ଗୋଷ୍ଠୀ, ଅଧର୍ମରେ ଭାରଗ୍ରସ୍ତ ଲୋକେ,
\q ଦୁଷ୍କର୍ମକାରୀମାନଙ୍କ ବଂଶ, ଭ୍ରଷ୍ଟାଚାରୀ ସନ୍ତାନଗଣ !
\q ସେମାନେ ସଦାପ୍ରଭୁଙ୍କୁ ପରିତ୍ୟାଗ କରିଅଛନ୍ତି, ସେମାନେ ଇସ୍ରାଏଲର ଧର୍ମସ୍ୱରୂପଙ୍କୁ ଅବଜ୍ଞା କରିଅଛନ୍ତି,
\q ସେମାନେ ବିମୁଖ ହୋଇ ପଛକୁ ଚାଲି ଯାଇଅଛନ୍ତି।
\q
\s5
\v 5 ତୁମ୍ଭେମାନେ ଅଧିକ ଅଧିକ ବିଦ୍ରୋହାଚରଣ କରିବା ପାଇଁ କାହିଁକି ଆହୁରି ପ୍ରହାରିତ ହେବ ?
\q ମସ୍ତକଯାକ ପୀଡ଼ିତ ଓ ସମୁଦାୟ ହୃଦୟ ଦୁର୍ବଳ ହୋଇଅଛି।
\q
\v 6 ପାଦର ତଳଠାରୁ ମସ୍ତକ ପର୍ଯ୍ୟନ୍ତ କିଛି ସ୍ୱାସ୍ଥ୍ୟ ନାହିଁ;
\q କେବଳ କ୍ଷତ, ଦାଗ ଓ ପୂଜପୂର୍ଣ୍ଣ ଘା; ସେହିସବୁ ଟିପା କିମ୍ବା ବନ୍ଧା ଯାଇ ନାହିଁ, କିଅବା ତୈଳ ଦ୍ୱାରା କୋମଳ କରାଯାଇ ନାହିଁ।
\q
\s5
\v 7 ତୁମ୍ଭମାନଙ୍କର ଦେଶ ଧ୍ୱଂସସ୍ଥାନ; ତୁମ୍ଭମାନଙ୍କର ନଗରସବୁ ଅଗ୍ନିରେ ଦଗ୍ଧ;
\q ତୁମ୍ଭମାନଙ୍କର ଭୂମି ବିଦେଶୀମାନେ ତୁମ୍ଭମାନଙ୍କର ସାକ୍ଷାତରେ ଗ୍ରାସ କରନ୍ତି,
\q ତାହା ବିଦେଶୀମାନଙ୍କ ଦ୍ୱାରା ବିନଷ୍ଟ ହେବା ତୁଲ୍ୟ ଧ୍ୱଂସସ୍ଥାନ ହୋଇଅଛି।
\q
\v 8 ପୁଣି, ସିୟୋନର କନ୍ୟା ଦ୍ରାକ୍ଷାକ୍ଷେତ୍ରର କୁଟୀର,
\q କାକୁଡ଼ିକ୍ଷେତ୍ରର ବସା, ଅବରୁଦ୍ଧ ନଗର ତୁଲ୍ୟ ହୋଇ ରହିଅଛି।
\q
\s5
\v 9 ସୈନ୍ୟାଧିପତି ସଦାପ୍ରଭୁ ଆମ୍ଭମାନଙ୍କ ପାଇଁ ଅତି ଅଳ୍ପ ଲୋକ ଅବଶିଷ୍ଟ ରଖି ନ ଥିଲେ,
\q ଆମ୍ଭେମାନେ ସଦୋମର ତୁଲ୍ୟ ହୋଇଥା’ନ୍ତୁ, ଆମ୍ଭେମାନେ ହମୋରାର ତୁଲ୍ୟ ହୋଇଥା’ନ୍ତୁ।
\q
\s5
\v 10 ହେ ସଦୋମର ଶାସନକର୍ତ୍ତାମାନେ, ସଦାପ୍ରଭୁଙ୍କର ବାକ୍ୟ ଶୁଣ,
\q ହେ ହମୋରାର ଲୋକମାନେ, ତୁମ୍ଭେମାନେ ଆମ୍ଭମାନଙ୍କ ପରମେଶ୍ୱରଙ୍କ ବ୍ୟବସ୍ଥାରେ କର୍ଣ୍ଣପାତ କର।
\q
\v 11 ସଦାପ୍ରଭୁ କହନ୍ତି, “ଆମ୍ଭ ଉଦ୍ଦେଶ୍ୟରେ ତୁମ୍ଭମାନଙ୍କ ଅପାର ବଳିଦାନର ଅଭିପ୍ରାୟ କଅଣ ?”
\q “ଆମ୍ଭେ ମେଷଗଣର ହୋମବଳିରେ ଓ ପୁଷ୍ଟ ପଶୁଗଣର ମେଦରେ ପୂର୍ଣ୍ଣ ହୋଇଅଛୁ;
\q ପୁଣି, ବୃଷ କିମ୍ବା ମେଷ କିମ୍ବା ଛାଗଳମାନଙ୍କ ରକ୍ତରେ ଆମ୍ଭର ତୁଷ୍ଟି ନାହିଁ।
\q
\s5
\v 12 ତୁମ୍ଭେମାନେ ଆମ୍ଭ ସମ୍ମୁଖରେ ଉପସ୍ଥିତ ହେବା ବେଳେ
\q ଆମ୍ଭର ପ୍ରାଙ୍ଗଣସକଳ ପଦ ତଳେ ଦଳିବା ପାଇଁ କିଏ ତୁମ୍ଭମାନଙ୍କଠାରୁ ଚାହିଁଅଛି ?
\q
\v 13 ଅସାର ନୈବେଦ୍ୟ ଆଉ ଆଣ ନାହିଁ; ଧୂପଦାହ ଆମ୍ଭର ଘୃଣିତ;
\q ତୁମ୍ଭର ଅମାବାସ୍ୟା ଓ ବିଶ୍ରାମବାର, ସଭାର ଘୋଷଣା ଏହି ଅଧର୍ମ ଓ ମହାସଭା ଆମ୍ଭେ ସହି ପାରୁ ନାହୁଁ।
\q
\s5
\v 14 ଆମ୍ଭ ପ୍ରାଣ ତୁମ୍ଭମାନଙ୍କର ଅମାବାସ୍ୟା ଓ ନିରୂପିତ ପର୍ବସବୁ ଘୃଣା କରେ;
\q ସେହିସବୁ ଆମ୍ଭ ପ୍ରତି କ୍ଲେଶକର; ଆମ୍ଭେ ସେହିସବୁ ବହିବାକୁ କ୍ଳାନ୍ତ ହୋଇଅଛୁ।
\q
\v 15 ପୁଣି, ତୁମ୍ଭେମାନେ ଆପଣାମାନଙ୍କର ହସ୍ତ ପ୍ରସାର କଲା ବେଳେ ଆମ୍ଭେ ତୁମ୍ଭମାନଙ୍କଠାରୁ ଆପଣା ଚକ୍ଷୁ ଆଚ୍ଛାଦନ କରିବା;
\q ଆହୁରି, ତୁମ୍ଭେମାନେ ଅନେକ ପ୍ରାର୍ଥନା କଲା ବେଳେ ଆମ୍ଭେ ଶୁଣିବା ନାହିଁ।
\q ତୁମ୍ଭମାନଙ୍କ ହସ୍ତ ରକ୍ତରେ ପରିପୂର୍ଣ୍ଣ।
\q
\s5
\v 16 ତୁମ୍ଭେମାନେ ଆପଣାମାନଙ୍କୁ ଧୌତ କର, ଆପଣାମାନଙ୍କୁ ଶୁଚି କର;
\q ଆମ୍ଭ ଦୃଷ୍ଟିରୁ ଆପଣାମାନଙ୍କର କ୍ରିୟାର ମନ୍ଦତା ଦୂର କର;
\q କୁକ୍ରିୟା କରିବାରୁ ନିବୃତ୍ତ ହୁଅ;
\q
\v 17 ସୁକ୍ରିୟା କରିବାକୁ ଶିଖ;
\q ନ୍ୟାୟବିଚାର ଚେଷ୍ଟା କର, ଉପଦ୍ରବଗ୍ରସ୍ତମାନଙ୍କର ସାହାଯ୍ୟ କର,
\q ପିତୃହୀନମାନଙ୍କର ନ୍ୟାୟ ବିଚାର କର, ବିଧବାମାନଙ୍କ ପକ୍ଷରେ ପ୍ରତିବାଦ କର।”
\q
\s5
\v 18 ସଦାପ୍ରଭୁ କହନ୍ତି, ଆସ, ଆମ୍ଭେମାନେ ଉତ୍ତର ପ୍ରତ୍ୟୁତ୍ତର କରୁ;
\q ତୁମ୍ଭମାନଙ୍କର ପାପସବୁ ସିନ୍ଦୂରବର୍ଣ୍ଣ ପରି ହେଲେ ହେଁ ହିମ ପରି ଶୁକ୍ଳବର୍ଣ୍ଣ ହେବ;
\q ସେହିସବୁ ଲୋହିତବର୍ଣ୍ଣ ପରି ରଙ୍ଗ ହେଲେ ହେଁ ମେଷଲୋମ ପରି ହେବ।
\q
\s5
\v 19 ଯଦି ତୁମ୍ଭେମାନେ ସମ୍ମତ ଓ ଆଜ୍ଞାବହ ହେବ, ତେବେ ଦେଶର ଉତ୍ତମ ଫଳ ଭୋଗ କରିବ।
\q
\v 20 ମାତ୍ର ଯଦି ତୁମ୍ଭେମାନେ ଅସମ୍ମତ ଓ ବିରୁଦ୍ଧାଚାରୀ ହେବ, ତେବେ ଖଡ୍ଗଭୁକ୍ତ ହେବ;
\q କାରଣ ସଦାପ୍ରଭୁଙ୍କ ମୁଖ ଏହା କହିଅଛି।
\s ପାପପୂର୍ଣ୍ଣ ନଗରୀ
\p
\s5
\v 21 ବିଶ୍ୱସ୍ତ ନଗରୀ କିପରି ବେଶ୍ୟା ହୋଇଅଛି ! ସେ ନ୍ୟାୟବିଚାରରେ ପୂର୍ଣ୍ଣା ଥିଲା। ଧର୍ମ ତାହା ମଧ୍ୟରେ ବାସ କଲା, ମାତ୍ର ଏବେ ହତ୍ୟାକାରୀମାନେ ଅଛନ୍ତି।
\v 22 ତୁମ୍ଭର ରୂପା ଖାଦ ହୋଇଅଛି, ତୁମ୍ଭର ଦ୍ରାକ୍ଷାରସ ଜଳମିଶ୍ରିତ ହୋଇଅଛି।
\s5
\v 23 ତୁମ୍ଭର ଅଧିପତିମାନେ ବିଦ୍ରୋହୀ ଓ ଚୋରମାନଙ୍କର ସଖା; ପ୍ରତ୍ୟେକେ ଲାଞ୍ଚ ଭଲ ପା’ନ୍ତି ଓ ପାରିତୋଷିକର ପଶ୍ଚାଦ୍‍ବର୍ତ୍ତୀ ହୁଅନ୍ତି; ସେମାନେ ପିତୃହୀନମାନଙ୍କର ବିଚାର କରନ୍ତି ନାହିଁ, କିଅବା ବିଧବାର ଗୁହାରି ସେମାନଙ୍କ ନିକଟକୁ ଆସେ ନାହିଁ।
\s5
\v 24 ଏହେତୁ ପ୍ରଭୁ, ସୈନ୍ୟାଧିପତି ସଦାପ୍ରଭୁ, ଇସ୍ରାଏଲର ବଳଦାତା କହନ୍ତି, ଶୁଣ, ଆମ୍ଭେ ଆପଣା ବିପକ୍ଷଗଣ ବିଷୟରେ ଆରାମ ପାଇବା ଓ ଆମ୍ଭେ ଆପଣା ଶତ୍ରୁଗଣଠାରୁ ପରିଶୋଧ ନେବା;
\v 25 ପୁଣି, ଆମ୍ଭେ ତୁମ୍ଭଆଡ଼େ ଆପଣା ହସ୍ତ ଫେରାଇ ତୁମ୍ଭର ଖାଦ ସମ୍ପୂର୍ଣ୍ଣ ରୂପେ ପରିଷ୍କାର କରିବା ଓ ତୁମ୍ଭର ସୀସାସବୁ କାଢ଼ି ନେବା;
\s5
\v 26 ଆଉ, ଆମ୍ଭେ ପୂର୍ବ କାଳ ପରି ତୁମ୍ଭର ବିଚାରକର୍ତ୍ତୃଗଣଙ୍କୁ ଓ ଆଦ୍ୟ ସମୟ ପରି ତୁମ୍ଭ ମନ୍ତ୍ରୀଗଣଙ୍କୁ ପୁନଃସ୍ଥାପନ କରିବା; ତହିଁ ଉତ୍ତାରୁ ତୁମ୍ଭେ ଧର୍ମପୁରୀ, ବିଶ୍ୱସ୍ତ ନଗରୀ ବୋଲି ବିଖ୍ୟାତ ହେବ।
\s5
\v 27 ସିୟୋନ ନ୍ୟାୟବିଚାର ଦ୍ୱାରା ଓ ତାହାର ଫେରି ଆସିବା ଲୋକମାନେ ଧାର୍ମିକତା ଦ୍ୱାରା ମୁକ୍ତି ପାଇବେ।
\v 28 ମାତ୍ର ଅଧର୍ମାଚାରୀ ଓ ପାପୀମାନେ ଏକତ୍ର ବିନଷ୍ଟ ହେବେ ଓ ଯେଉଁମାନେ ସଦାପ୍ରଭୁଙ୍କୁ ପରିତ୍ୟାଗ କରନ୍ତି, ସେମାନେ ସଂହାରିତ ହେବେ।
\s5
\v 29 କାରଣ ସେମାନେ ତୁମ୍ଭମାନଙ୍କର ବାଞ୍ଛିତ ଅଲୋନ୍‍ ବୃକ୍ଷ ବିଷୟରେ ଲଜ୍ଜିତ ହେବେ, ପୁଣି, ତୁମ୍ଭେମାନେ ଆପଣାମାନଙ୍କର ମନୋନୀତ ଉଦ୍ୟାନସକଳର ବିଷୟରେ ହତାଶ ହେବ।
\v 30 ଯେହେତୁ ତୁମ୍ଭେମାନେ ଶୁଷ୍କପତ୍ର ଅଲୋନ୍‍ ବୃକ୍ଷ ଓ ନିର୍ଜଳ ଉଦ୍ୟାନ ତୁଲ୍ୟ ହେବ।
\s5
\v 31 ପୁଣି, ବଳବାନ ଲୋକ ଛଣପଟ ପରି ଓ ତାହାର କର୍ମ ଅଗ୍ନିକଣା ପରି ହେବ; ସେ ଦୁଇ ଏକତ୍ର ଜ୍ୱଳିବ ଓ କେହି ତାହା ଲିଭାଇବ ନାହିଁ।
\s5
\c 2
\s ସ୍ଥାୟୀ ଶାନ୍ତି
\p
\v 1 ଆମୋସର ପୁତ୍ର ଯିଶାଇୟ, ଯିହୁଦା ଓ ଯିରୂଶାଲମ ବିଷୟରେ ଯେଉଁ ଦର୍ଶନ ପାଇଲେ, ତହିଁର ବୃତ୍ତାନ୍ତ।
\v 2 ଶେଷ କାଳରେ ଏରୂପ ଘଟିବ, ସଦାପ୍ରଭୁଙ୍କ ଗୃହର ପର୍ବତ, ପର୍ବତଗଣର ଶିଖର ଉପରେ ସ୍ଥାପିତ ହେବ ଓ ଉପପର୍ବତଗଣ ଅପେକ୍ଷା ଉଚ୍ଚୀକୃତ ହେବ; ଆଉ, ସମୁଦାୟ ଗୋଷ୍ଠୀ ସ୍ରୋତ ପରି ତହିଁ ମଧ୍ୟକୁ ବହି ଆସିବେ।
\s5
\v 3 ପୁଣି, ଅନେକ ଗୋଷ୍ଠୀ ଯାଉ ଯାଉ କହିବେ, “ତୁମ୍ଭେମାନେ ଆସ, ଆମ୍ଭେମାନେ ସଦାପ୍ରଭୁଙ୍କ ପର୍ବତକୁ, ଯାକୁବର ପରମେଶ୍ୱରଙ୍କ ଗୃହକୁ ଯାଉ; ତହିଁରେ ସେ ଆପଣା ପଥ ବିଷୟ ଆମ୍ଭମାନଙ୍କୁ ଶିକ୍ଷା ଦେବେ ଓ ଆମ୍ଭେମାନେ ତାହାଙ୍କ ମାର୍ଗରେ ଗମନ କରିବା।” କାରଣ ସିୟୋନଠାରୁ ବ୍ୟବସ୍ଥା ଓ ଯିରୂଶାଲମଠାରୁ ସଦାପ୍ରଭୁଙ୍କର ବାକ୍ୟ ନିର୍ଗତ ହେବ।
\s5
\v 4 ପୁଣି, ସେ ଦେଶୀୟମାନଙ୍କ ମଧ୍ୟରେ ବିଚାର କରିବେ ଓ ଅନେକ ଗୋଷ୍ଠୀ ସମ୍ବନ୍ଧରେ ନିଷ୍ପତ୍ତି କରିବେ; ତହିଁରେ ସେମାନେ ଆପଣା ଖଡ୍ଗ ଭାଙ୍ଗି ଲଙ୍ଗଳର ଫାଳ କରିବେ ଓ ଆପଣା ଆପଣା ବର୍ଚ୍ଛା ଭାଙ୍ଗି ଦାଆ ନିର୍ମାଣ କରିବେ; ଏକ ଦେଶୀୟ ଲୋକେ ଅନ୍ୟ ଦେଶୀୟ ଲୋକଙ୍କ ବିରୁଦ୍ଧରେ ଖଡ୍ଗ ଉଠାଇବେ ନାହିଁ, କିଅବା ସେମାନେ ଆଉ ଯୁଦ୍ଧ ଶିଖିବେ ନାହିଁ।
\s5
\v 5 ହେ ଯାକୁବ ବଂଶ, ଆସ, ଆମ୍ଭେମାନେ ସଦାପ୍ରଭୁଙ୍କ ଦୀପ୍ତିରେ ଗମନ କରୁ।
\s ସଦାପ୍ରଭୁଙ୍କ ଦିନ
\p
\v 6 କାରଣ ତୁମ୍ଭେ ଆପଣା ଲୋକ ଯାକୁବ ବଂଶକୁ ପରିତ୍ୟାଗ କରିଅଛ, ଯେହେତୁ ସେମାନେ ପୂର୍ବଦେଶୀୟ ଆଚାରରେ ପରିପୂର୍ଣ୍ଣ ଓ ପଲେଷ୍ଟୀୟମାନଙ୍କ ନ୍ୟାୟ ଗଣକ ହୋଇଅଛନ୍ତି, ପୁଣି, ସେମାନେ ବିଦେଶୀୟ ସନ୍ତାନଗଣ ସହିତ ହସ୍ତ ତାଳି ଦିଅନ୍ତି।
\s5
\v 7 ସେମାନଙ୍କ ଦେଶ ମଧ୍ୟ ରୂପା ଓ ସୁନାରେ ପରିପୂର୍ଣ୍ଣ; ସେମାନଙ୍କ ଧନର ସୀମା ନାହିଁ; ଆହୁରି, ସେମାନଙ୍କ ଦେଶ ଅଶ୍ୱରେ ପରିପୂର୍ଣ୍ଣ ଓ ସେମାନଙ୍କ ରଥର ସୀମା ନାହିଁ।
\v 8 ସେମାନଙ୍କ ଦେଶ ମଧ୍ୟ ପ୍ରତିମାରେ ପରିପୂର୍ଣ୍ଣ; ସେମାନେ ଆପଣାମାନଙ୍କ ଅଙ୍ଗୁଳିନିର୍ମିତ ସ୍ୱହସ୍ତକୃତ ବସ୍ତୁକୁ ପ୍ରଣାମ କରନ୍ତି।
\s5
\v 9 ସାମାନ୍ୟ ଲୋକ ଅଧୋମୁଖ ଓ ମହାନ ଲୋକ ନତ ହୁଏ; ଏହେତୁ ସେମାନଙ୍କୁ କ୍ଷମା କର ନାହିଁ।
\v 10 ତୁମ୍ଭେ ସଦାପ୍ରଭୁଙ୍କ ଭୟାନକତ୍ତ୍ୱ ଓ ତାହାଙ୍କ ମହିମାର ତେଜରୁ, ଶୈଳରେ ପ୍ରବେଶ କରି ଧୂଳିରେ ଆପଣାକୁ ଲୁଚାଅ।
\v 11 ମନୁଷ୍ୟର ଉଚ୍ଚ ଦୃଷ୍ଟି ନତ ହେବ ଓ ମନୁଷ୍ୟମାନଙ୍କର ଅହଙ୍କାର ଅବନତ ହେବ, ପୁଣି, ସେହି ଦିନରେ କେବଳ ସଦାପ୍ରଭୁ ଉନ୍ନତ ହେବେ।
\s5
\v 12 କାରଣ ଅହଙ୍କାରୀ, ଗର୍ବିତ ଓ ଉଚ୍ଚୀକୃତ ସମସ୍ତଙ୍କ ପ୍ରତିକୂଳରେ ସୈନ୍ୟାଧିପତି ସଦାପ୍ରଭୁଙ୍କର ଏକ ଦିନ ଉପସ୍ଥିତ ହେବ, ତହିଁରେ ତାହା ନତ ହେବ;
\v 13 ଅର୍ଥାତ୍‍, (ସେହି ଦିନ) ଲିବାନୋନର ଉଚ୍ଚ ଓ ଉନ୍ନତ ସକଳ ଏରସ ବୃକ୍ଷର ପ୍ରତିକୂଳ ଓ ବାଶନର ସମସ୍ତ ଅଲୋନ ବୃକ୍ଷର ପ୍ରତିକୂଳ;
\s5
\v 14 ପୁଣି, ସକଳ ଉଚ୍ଚ ପର୍ବତର ପ୍ରତିକୂଳ ଓ ସକଳ ଉନ୍ନତ ଉପପର୍ବତର ପ୍ରତିକୂଳ;
\v 15 ଆଉ, ପ୍ରତ୍ୟେକ ଉଚ୍ଚ ଦୁର୍ଗର ପ୍ରତିକୂଳ ଓ ପ୍ରତ୍ୟେକ ସୁଦୃଢ଼ ପ୍ରାଚୀରର ପ୍ରତିକୂଳ;
\v 16 ତର୍ଶୀଶ୍‍ର ସକଳ ଜାହାଜର ପ୍ରତିକୂଳ ଓ ମନୋହର ସକଳ ଶିଳ୍ପକର୍ମର ପ୍ରତିକୂଳ ହେବ।
\s5
\v 17 ପୁଣି, ମନୁଷ୍ୟର ଉଚ୍ଚତା ନତ ହେବ ଓ ମନୁଷ୍ୟମାନଙ୍କର ଅହଙ୍କାର ଅବନତ ହେବ; ଆଉ ସେହି ଦିନରେ କେବଳ ସଦାପ୍ରଭୁ ଉନ୍ନତ ହେବେ।
\v 18 ପୁଣି, ପ୍ରତିମାସକଳ ନିଃଶେଷ ରୂପେ ଲୁପ୍ତ ହେବେ।
\v 19 ଆଉ, ଯେତେବେଳେ ସଦାପ୍ରଭୁ ପୃଥିବୀକୁ ଅତିଶୟ କମ୍ପିତ କରିବାକୁ ଉଠିବେ, ସେତେବେଳେ ଲୋକମାନେ ତାହାଙ୍କ ଭୟାନକତ୍ତ୍ୱ ଓ ମହିମାର ତେଜରୁ ଶୈଳର ଗୁମ୍ଫା ଓ ପୃଥିବୀର ଗର୍ତ୍ତରେ ପ୍ରବେଶ କରିବେ।
\s5
\v 20 ସଦାପ୍ରଭୁ ପୃଥିବୀକୁ ଅତିଶୟ କମ୍ପିତ କରିବା ପାଇଁ ଉଠିଲେ, ତାହାଙ୍କ ଭୟାନକତ୍ତ୍ୱ ଓ ତାହାଙ୍କ ମହିମାର ତେଜରୁ ଶୈଳର ଗହ୍ୱର ଓ ଶୈଳର ବିଦୀର୍ଣ୍ଣ ସ୍ଥାନରେ ପ୍ରବେଶ କରିବା ପାଇଁ;
\v 21 ମନୁଷ୍ୟ ଆପଣାର ଭଜନାର୍ଥେ ନିର୍ମିତ ରୌପ୍ୟମୟ ପ୍ରତିମା ଓ ସ୍ୱର୍ଣ୍ଣମୟ ପ୍ରତିମାଗଣକୁ ସେହି ଦିନ ମୂଷିକ ଓ ଚାମଚିକାଗଣର ନିକଟରେ ପକାଇ ଦେବ।
\v 22 ତୁମ୍ଭେମାନେ ନାସାଗ୍ରେ ପ୍ରାଣବାୟୁଧାରୀ ମନୁଷ୍ୟର (ଆଶ୍ରୟରୁ) କ୍ଷାନ୍ତ ହୁଅ; କାରଣ ସେ କାହା ମଧ୍ୟରେ ଗଣ୍ୟ ?
\s5
\c 3
\s ଯିହୁଦା ଓ ଯିରୂଶାଲମର ଶାସ୍ତି
\p
\v 1 ଦେଖ, ପ୍ରଭୁ, ସୈନ୍ୟାଧିପତି ସଦାପ୍ରଭୁ ଯିରୂଶାଲମ ଓ ଯିହୁଦାଠାରୁ ଯଷ୍ଟି ଓ ଯଷ୍ଟିକା, ଅର୍ଥାତ୍‍, ଅନ୍ନ ସ୍ୱରୂପ ସମସ୍ତ ଯଷ୍ଟି ଓ ଜଳ ସ୍ୱରୂପ ସମସ୍ତ ଯଷ୍ଟିକା ଦୂର କରୁଅଛନ୍ତି;
\v 2 ବୀର, ଯୋଦ୍ଧା; ବିଚାରକର୍ତ୍ତା, ଭବିଷ୍ୟଦ୍‍ବକ୍ତା, ମନ୍ତ୍ରଜ୍ଞ, ପ୍ରାଚୀନ;
\v 3 ପଚାଶପତି, ସମ୍ଭ୍ରାନ୍ତ ମନୁଷ୍ୟ, ମନ୍ତ୍ରୀ, ନିପୁଣ ଶିଳ୍ପକର ଓ ନିପୁଣ ଶୁଭାଶୁଭବାଦୀ (ଦୂରୀକୃତ ହେବେ)।
\s5
\v 4 “ଆମ୍ଭେ ବାଳକମାନଙ୍କୁ ସେମାନଙ୍କର ଅଧିପତି କରିବା ଓ ଶିଶୁମାନେ ସେମାନଙ୍କ ଉପରେ ଶାସନ କରିବେ।
\v 5 ଆଉ, ଲୋକମାନେ ଏକ ଜଣ ଅନ୍ୟ ଜଣ ଦ୍ୱାରା ଓ ପ୍ରତ୍ୟେକ ଲୋକ ଆପଣା ପ୍ରତିବାସୀ ଦ୍ୱାରା ଉପଦ୍ରୁତ ହେବେ; ବାଳକ ପ୍ରାଚୀନଙ୍କ ବିରୁଦ୍ଧରେ ଓ ଅଧମ ଲୋକ ସମ୍ଭ୍ରାନ୍ତ ଲୋକ ବିରୁଦ୍ଧରେ ଗର୍ବାଚରଣ କରିବ।
\s5
\v 6 କେହି କେହି ଆପଣା ଭ୍ରାତାକୁ ତାହାର ପିତୃଗୃହରେ ଧରି କହିବେ, ତୁମ୍ଭର ବସ୍ତ୍ର ଅଛି, ତୁମ୍ଭେ ଆମ୍ଭମାନଙ୍କର ଶାସନକର୍ତ୍ତା ହୁଅ, ପୁଣି, ଏହି ନିପତିତ (ରାଜ୍ୟ) ତୁମ୍ଭ ହସ୍ତାଧୀନ ହେଉ;
\v 7 ସେ ସେହି ଦିନ ଆପଣା ରବ ଉଠାଇ କହିବ ମୁଁ ଚିକିତ୍ସକ ହେବି ନାହିଁ; କାରଣ ମୋ’ ଗୃହରେ ଖାଦ୍ୟ କିମ୍ବା ବସ୍ତ୍ର ନାହିଁ; ତୁମ୍ଭେମାନେ ମୋତେ ଲୋକମାନଙ୍କର ଶାସନକର୍ତ୍ତା କର ନାହିଁ।”
\s5
\v 8 ଯେହେତୁ ଯିରୂଶାଲମ ବିନଷ୍ଟ ଓ ଯିହୁଦା ପତିତ ହୋଇଅଛି; କାରଣ ସଦାପ୍ରଭୁଙ୍କର ପ୍ରତାପବିଶିଷ୍ଟ ଚକ୍ଷୁକୁ କ୍ରୋଧାନ୍ୱିତ କରିବା ପାଇଁ ସେମାନଙ୍କର ଜିହ୍ୱା ଓ କ୍ରିୟା ତାହାଙ୍କର ପ୍ରତିକୂଳ ଅଟେ।
\v 9 ସେମାନଙ୍କ ମୁଖର ଆକାର ସେମାନଙ୍କ ପ୍ରତିକୂଳରେ ସାକ୍ଷ୍ୟ ଦିଏ; ପୁଣି, ସେମାନେ ସଦୋମର ନ୍ୟାୟ ଆପଣାମାନଙ୍କ ପାପ ପ୍ରକାଶ କରି ଗୋପନ କରନ୍ତି ନାହିଁ। ସେମାନଙ୍କ ପ୍ରାଣର ସନ୍ତାପ ହେବ ! କାରଣ ସେମାନେ ଆପଣାମାନଙ୍କର ଅନିଷ୍ଟ ଆପେ କରିଅଛନ୍ତି।
\s5
\v 10 ତୁମ୍ଭେମାନେ ଧାର୍ମିକର ବିଷୟରେ କୁହ ଯେ, ତାହାର ମଙ୍ଗଳ ହେବ, ଯେହେତୁ ସେମାନେ ଆପଣା ଆପଣା କର୍ମର ଫଳ ଭୁଞ୍ଜିବେ।
\v 11 ଦୁଷ୍ଟ ଲୋକର ସନ୍ତାପ ହେବ ! ତାହାର ଅମଙ୍ଗଳ ଘଟିବ; କାରଣ ତାହାର ହସ୍ତକୃତ କର୍ମର ପ୍ରତିଫଳ ତାହାକୁ ଦିଆଯିବ।
\v 12 ମୋ’ ଲୋକମାନଙ୍କ ବିଷୟ ଦେଖିଲେ, ବାଳକମାନେ ମୋ’ ଲୋକମାନଙ୍କର ଉପଦ୍ରବକାରୀ ଓ ସ୍ତ୍ରୀମାନେ ସେମାନଙ୍କ ଉପରେ ଶାସନ କରନ୍ତି। ହେ ମୋହର ଲୋକମାନେ, ତୁମ୍ଭର ପଥଦର୍ଶକମାନେ ତୁମ୍ଭକୁ ଭୁଲାନ୍ତି ଓ ତୁମ୍ଭ ଗମନର ପଥ ନଷ୍ଟ କରନ୍ତି।
\s5
\v 13 ସଦାପ୍ରଭୁ ପ୍ରତିବାଦ କରିବାକୁ ଠିଆ ହେଉଅଛନ୍ତି, ଗୋଷ୍ଠୀୟମାନଙ୍କର ବିଚାର କରିବାକୁ ଠିଆ ହେଉଅଛନ୍ତି।
\v 14 ସଦାପ୍ରଭୁ ଆପଣା ଲୋକମାନଙ୍କର ପ୍ରାଚୀନବର୍ଗର ଓ ଅଧିପତିଗଣର ସହିତ ବିଚାରରେ ଉପସ୍ଥିତ ହେବେ; ତୁମ୍ଭେମାନେ ହିଁ ଦ୍ରାକ୍ଷାକ୍ଷେତ୍ର ଗ୍ରାସ କରିଅଛ; ଦରିଦ୍ରମାନଙ୍କଠାରୁ ଲୁଟିତ ଦ୍ରବ୍ୟ ତୁମ୍ଭମାନଙ୍କ ଗୃହରେ ଅଛି;
\v 15 ତୁମ୍ଭେମାନେ ଯେ ଆମ୍ଭ ଲୋକମାନଙ୍କୁ ଦଳି ପକାଉଅଛ ଓ ଦରିଦ୍ରମାନଙ୍କ ମୁଖ ଘଷି ପକାଉଅଛ, ଏଥିରେ ତୁମ୍ଭମାନଙ୍କ ଅଭିପ୍ରାୟ କ’ଣ ? ପ୍ରଭୁ, ବାହିନୀଗଣର ସଦାପ୍ରଭୁ ଏହି କଥା କହନ୍ତି।
\s5
\v 16 ଆହୁରି ସଦାପ୍ରଭୁ କହିଲେ, ସିୟୋନର କନ୍ୟାଗଣ ଅହଙ୍କାରିଣୀ ଓ ଆପଣା ଆପଣା ଗ୍ରୀବା ଲମ୍ବାଇ ଓ କଟାକ୍ଷ କରି ଗମନ କରନ୍ତି, ଗମନ କରୁ କରୁ ଚଞ୍ଚଳ ପାଦସଞ୍ଚାର ଓ ଚରଣରେ ରୁଣୁଝୁଣୁ ଶବ୍ଦ କରନ୍ତି;
\v 17 ଏହେତୁ ପ୍ରଭୁ ସିୟୋନର କନ୍ୟାଗଣର ମସ୍ତକ କାଛୁମୟ କରିବେ ଓ ସଦାପ୍ରଭୁ ସେମାନଙ୍କର ଗୁପ୍ତ ସ୍ଥାନ ଅନାବୃତ କରିବେ।
\s5
\v 18 ସେହି ଦିନ ପ୍ରଭୁ ସେମାନଙ୍କର ଗର୍ବ ସ୍ୱରୂପ ନୂପୁର, ଜାଲିବସ୍ତ୍ର, ଚନ୍ଦ୍ରହାର;
\v 19 କର୍ଣ୍ଣଭୂଷଣ, ଚୁଡ଼ି, ଘୁମୁଟା;
\v 20 ଶିରୋଭୂଷଣ, ପାଦର ବଳା, କଟିବନ୍ଧନୀ, ଅତରଧାନୀ, କବଚ;
\s5
\v 21 ମୁଦି, ନଥ;
\v 22 ଉତ୍ସବକାଳୀନ ବସ୍ତ୍ର, ଆବରଣୀୟ ବସ୍ତ୍ର, ସାଲ, ଗାଞ୍ଜିଆ;
\v 23 ଦର୍ପଣ, ସୂକ୍ଷ୍ମ ବସ୍ତ୍ର, ଶିରୋବନ୍ଧନୀ ଓ ଓଢ଼ଣି କାଢ଼ି ପକାଇବେ।
\s5
\v 24 ତହିଁରେ ସୁଗନ୍ଧିଦ୍ରବ୍ୟ ବଦଳରେ ଦୁର୍ଗନ୍ଧ ପୂଜ, କଟିବନ୍ଧନୀର ପରିବର୍ତ୍ତେ ରଜ୍ଜୁ, ସୁନ୍ଦର କେଶବିନ୍ୟାସ ବଦଳରେ କେଶଶୂନ୍ୟତା ଓ ଆବରଣ ବସ୍ତ୍ର ପରିବର୍ତ୍ତେ ଚଟର ପଟୁକା; ସୌନ୍ଦର୍ଯ୍ୟ ବଦଳରେ ପୋଡ଼ାଦାଗ ହେବ।
\v 25 ତୁମ୍ଭର ପୁରୁଷମାନେ ଖଡ୍ଗାଘାତରେ ଓ ତୁମ୍ଭର ବିକ୍ରମୀଗଣ ଯୁଦ୍ଧରେ ପତିତ ହେବେ।
\v 26 ସିୟୋନର ନଗରଦ୍ୱାରସକଳ ଶୋକ, ବିଳାପ କରିବେ ଓ ସେ ଅକିଞ୍ଚନା ହୋଇ ଭୂମିରେ ବସିବ।
\s5
\c 4
\p
\v 1 ସେହି ଦିନ ସାତ ଜଣ ସ୍ତ୍ରୀ ଜଣେ ପୁରୁଷକୁ ଧରି କହିବେ, “ଆମ୍ଭେମାନେ ନିଜ ଅନ୍ନ ଭୋଜନ କରିବୁ ଓ ନିଜ ବସ୍ତ୍ର ପିନ୍ଧିବୁ; କେବଳ ତୁମ୍ଭ ନାମରେ ଆମ୍ଭେମାନେ ଖ୍ୟାତ ହେଉ; ତୁମ୍ଭେ ଆମ୍ଭମାନଙ୍କର ଅପମାନ ଦୂର କର।”
\s ସଦାପ୍ରଭୁଙ୍କ ଗୌରବାନ୍ୱିତ ଶାଖା
\p
\v 2 ସେହି ଦିନ ଇସ୍ରାଏଲ ମଧ୍ୟରେ ବଞ୍ଚିଥିବା ଲୋକମାନଙ୍କ ନିମନ୍ତେ ସଦାପ୍ରଭୁଙ୍କ ଶାଖା ମନୋରମ ଓ ଗୌରବାନ୍ୱିତ ହେବ, ଆଉ ଦେଶର ଫଳ ଉତ୍ତମ ଓ ମନୋହର ହେବ।
\s5
\v 3 ପୁଣି, ପ୍ରଭୁ ଯେତେବେଳେ ବିଚାରକ ଆତ୍ମା ଓ ଦାହକ ଆତ୍ମା ଦ୍ୱାରା ସିୟୋନର କନ୍ୟାଗଣର ମଳ ଧୌତ କରିବେ ଓ ଯିରୂଶାଲମ ମଧ୍ୟରୁ ତହିଁର ରକ୍ତ ଦୂର କରି ଦେବେ;
\v 4 ସେତେବେଳେ ସିୟୋନରେ ଯେକେହି ଅବଶିଷ୍ଟ ଥାଏ ଓ ଯିରୂଶାଲମରେ ରହେ, ଅର୍ଥାତ୍‍, ଯିରୂଶାଲମସ୍ଥ ଜୀବିତ ଲୋକମାନଙ୍କ ମଧ୍ୟରେ ଯେ ପ୍ରତ୍ୟେକର ନାମ ଲିଖିତ ହୁଏ, ସେ ପବିତ୍ର ବୋଲି ବିଖ୍ୟାତ ହେବ।
\s5
\v 5 ଆଉ, ସଦାପ୍ରଭୁ ସିୟୋନ ପର୍ବତସ୍ଥ ସମୁଦାୟ ଆବାସ ଓ ତାହାର ସକଳ ସଭା ଉପରେ ଦିବସରେ ମେଘ ଓ ଧୂମ ଓ ରାତ୍ରିରେ ପ୍ରଜ୍ୱଳିତ ଅଗ୍ନିର ତେଜ ସୃଷ୍ଟି କରିବେ; କାରଣ ସମୁଦାୟ ପ୍ରତାପ ଉପରେ ଚନ୍ଦ୍ରାତପ ବିସ୍ତୃତ ହେବ।
\v 6 ପୁଣି, ଦିବସରେ ଗ୍ରୀଷ୍ମରୁ ଛାୟା ନିମନ୍ତେ, ଆଉ ଝଡ଼ ଓ ବୃଷ୍ଟିରୁ ଆଶ୍ରୟ ଓ ଆଚ୍ଛାଦନ ସ୍ଥାନ ସ୍ୱରୂପ ହେବା ନିମନ୍ତେ ଏକ ଆବାସ ହେବ।
\s5
\c 5
\s ଧ୍ୱଂସପ୍ରାପ୍ତ ସଦାପ୍ରଭୁଙ୍କ ଦ୍ରାକ୍ଷାକ୍ଷେତ୍ର
\p
\v 1 ମୁଁ ଆପଣା ପ୍ରିୟତମଙ୍କ ଉଦ୍ଦେଶ୍ୟରେ, ତାହାଙ୍କ ଦ୍ରାକ୍ଷାକ୍ଷେତ୍ର ବିଷୟରେ ମୋ’ ପ୍ରିୟତମଙ୍କର ଗୋଟିଏ ଗୀତ ଗାନ କରେ। ଅତି ଉର୍ବରା ଏକ ପର୍ବତରେ ମୋ’ ପ୍ରିୟତମଙ୍କର ଗୋଟିଏ ଦ୍ରାକ୍ଷାକ୍ଷେତ୍ର ଥିଲା;
\v 2 ପୁଣି, ସେ ତାହା ଖୋଳି ପ୍ରସ୍ତରସବୁ ବାହାର କଲେ ଓ ଅତ୍ୟୁତ୍ତମ ଦ୍ରାକ୍ଷାଲତା ତହିଁରେ ରୋପଣ କଲେ ଓ ତହିଁର ମଧ୍ୟସ୍ଥାନରେ ଗୋଟିଏ ଉଚ୍ଚ ଗୃହ ନିର୍ମାଣ କରି ଦ୍ରାକ୍ଷାକୁଣ୍ଡ ମଧ୍ୟ ଖୋଳିଲେ, ଆଉ ଦ୍ରାକ୍ଷାଫଳ ଫଳିବ ବୋଲି ଅପେକ୍ଷାରେ ରହିଲେ, ମାତ୍ର ତହିଁରେ ବନ୍ୟ ଦ୍ରାକ୍ଷାଫଳ ଫଳିଲା।
\s5
\v 3 ଏଣୁ ଏବେ ହେ ଯିରୂଶାଲମ ନିବାସୀମାନେ ଓ ଯିହୁଦାର ଲୋକମାନେ, ମୁଁ ତୁମ୍ଭମାନଙ୍କୁ ବିନୟ କରେ, ତୁମ୍ଭେମାନେ ମୋହର ଓ ମୋ’ ଦ୍ରାକ୍ଷାକ୍ଷେତ୍ରର ମଧ୍ୟରେ ବିଚାର କର।
\v 4 ମୁଁ ଆପଣା ଦ୍ରାକ୍ଷାକ୍ଷେତ୍ରରେ ଯାହା କରି ନାହିଁ, ଏପରି କେଉଁ ଅଧିକ କର୍ମ ତହିଁ ପ୍ରତି କରାଯାଇ ପାରନ୍ତା ? ଏନିମନ୍ତେ ମୁଁ ଦ୍ରାକ୍ଷାଫଳ ଫଳିବ ବୋଲି ଅପେକ୍ଷା କଲେ, ତହିଁରେ ବନ୍ୟ ଦ୍ରାକ୍ଷାଫଳ ଫଳିଲା କାହିଁକି ?
\s5
\v 5 ଏଣୁ ଏବେ ଶୁଣ; ମୁଁ ଆପଣା ଦ୍ରାକ୍ଷାକ୍ଷେତ୍ର ପ୍ରତି ଯାହା କରିବି, ତାହା ତୁମ୍ଭମାନଙ୍କୁ ଜଣାଇବି; ମୁଁ ତହିଁର ବାଡ଼ କାଢ଼ି ପକାଇବି, ତହିଁରେ ତାହା ଗ୍ରାସ କରାଯିବ; ମୁଁ ତହିଁର ବେଢ଼ା ଭାଙ୍ଗି ପକାଇବି, ତହିଁରେ ତାହା ଦଳିତ ହେବ;
\v 6 ପୁଣି, ମୁଁ ତାହା ଉଜାଡ଼ କରିବି; ତାହାର ଡାଳ କଟା ହେବ ନାହିଁ କିମ୍ବା ଭୂମି କୋଡ଼ା ହେବ ନାହିଁ; ମାତ୍ର ତାହା କାନକୋଳି ଓ କଣ୍ଟକ ବୃକ୍ଷମୟ ହେବ; ମଧ୍ୟ ତହିଁ ଉପରେ ଜଳ ବର୍ଷଣ ନ କରିବା ପାଇଁ ମୁଁ ମେଘମାଳକୁ ଆଜ୍ଞା କରିବି।
\s5
\v 7 ଯେହେତୁ ଇସ୍ରାଏଲ ବଂଶ ସୈନ୍ୟାଧିପତି ସଦାପ୍ରଭୁଙ୍କର ଦ୍ରାକ୍ଷାକ୍ଷେତ୍ର ଓ ଯିହୁଦାର ଲୋକେ ତାହାଙ୍କର ମନୋରମ ଚାରା; ସେ ନ୍ୟାୟ ଅପେକ୍ଷା କଲେ, ମାତ୍ର ଦେଖ, ଉପଦ୍ରବ; ଧାର୍ମିକତା ଅପେକ୍ଷା କଲେ, ମାତ୍ର ଦେଖ, କ୍ରନ୍ଦନ।
\s ଦୁଷ୍କର୍ମକାରୀ-ସନ୍ତାପର ପାତ୍ର
\p
\s5
\v 8 ଦେଶରେ ଯେପରି ଆଉ ସ୍ଥାନ ନ ଥିବ ଓ ତୁମ୍ଭେମାନେ ଯେପରି ତହିଁ ମଧ୍ୟରେ ଏକାକୀ ବାସ କରିବ, ଏଥିପାଇଁ ଗୃହକୁ ଗୃହ, କ୍ଷେତ୍ରକୁ କ୍ଷେତ୍ର ଲଗାଉଅଛ ଯେ ତୁମ୍ଭେମାନେ, ତୁମ୍ଭେମାନେ ସନ୍ତାପର ପାତ୍ର !
\v 9 ସୈନ୍ୟାଧିପତି ସଦାପ୍ରଭୁ ମୋ’ କର୍ଣ୍ଣରେ କହନ୍ତି, ନିଶ୍ଚୟ ଅନେକ ଗୃହ ଧ୍ୱଂସସ୍ଥାନ, ମଧ୍ୟ ବୃହତ ଓ ସୁନ୍ଦର ଗୃହମାନ ନିବାସବିହୀନ ହେବ।
\v 10 କାରଣ ଦଶ ଏକର ଦ୍ରାକ୍ଷାକ୍ଷେତ୍ରରେ ଏକ ମହଣ
\f +
\fr 5:10
\fq ଏକ ମହଣ
\ft ଅର୍ଥାତ୍ ପ୍ରାୟ ଲିଟର
\f* ଦ୍ରାକ୍ଷାରସ ଉତ୍ପନ୍ନ ହେବ ଓ ଦଶ ମହଣ
\f +
\fr 5:10
\fq ଦଶ ମହଣ
\ft ପ୍ରାୟ ଲିଟର
\f* ବୀଜରୁ କେବଳ ଏକ ମହଣ ଶସ୍ୟ ଉତ୍ପନ୍ନ ହେବ।
\s5
\v 11 ଯେଉଁମାନେ ସୁରାପାନ କରିବାକୁ ଅତି ପ୍ରଭାତରେ ଉଠନ୍ତି; ଦ୍ରାକ୍ଷାରସରେ ଉତ୍ତପ୍ତ ହେବା ପର୍ଯ୍ୟନ୍ତ ରାତ୍ରିରେ ବିଳମ୍ବ କରନ୍ତି, ସେମାନେ ସନ୍ତାପର ପାତ୍ର !
\v 12 ସେମାନଙ୍କ ଭୋଜିରେ ବୀଣା, ନେବଲ, ତବଲା, ବଂଶୀ ଓ ଦ୍ରାକ୍ଷାରସ ଥାଏ; ମାତ୍ର ସେମାନେ ସଦାପ୍ରଭୁଙ୍କର କାର୍ଯ୍ୟ ନିରୀକ୍ଷଣ କରନ୍ତି ନାହିଁ କିଅବା ତାହାଙ୍କର ହସ୍ତର କର୍ମ ସେମାନେ ବିବେଚନା କରି ନାହାନ୍ତି।
\s5
\v 13 ଏଥିପାଇଁ ମୋହର ଲୋକମାନେ ଜ୍ଞାନ ଅଭାବରୁ ବନ୍ଦୀ ହୋଇ ଯାଇଅଛନ୍ତି; ପୁଣି, ସେମାନଙ୍କର ସମ୍ଭ୍ରାନ୍ତ ଲୋକମାନେ କ୍ଷୁଧାର୍ତ୍ତ ଓ ସେମାନଙ୍କର ଲୋକସମୂହ ତୃଷାରେ ଶୁଷ୍କ ହେଉଅଛନ୍ତି।
\v 14 ଏଥିପାଇଁ ପାତାଳ ଆପଣା ଉଦର ବିସ୍ତାର ଓ ଆପଣା ମୁଖ ଅପରିମିତ ରୂପେ ମେଲାଇଅଛି; ପୁଣି, ସେମାନଙ୍କର ଗୌରବ, ସେମାନଙ୍କର ଲୋକସମୂହ, ସେମାନଙ୍କର କଳହ ଓ ସେମାନଙ୍କ ମଧ୍ୟରେ ଉଲ୍ଲାସକାରୀ ଲୋକ ତହିଁ ମଧ୍ୟକୁ ଓହ୍ଲାଇଯା’ନ୍ତି।
\s5
\v 15 ପୁଣି, ସାମାନ୍ୟ ଲୋକ ଅଧୋମୁଖ ଓ ମହାନ ଲୋକ ନତ ହୁଏ, ପୁଣି ଅହଙ୍କାରୀମାନଙ୍କର ଦୃଷ୍ଟି ନତ ହୁଏ;
\v 16 ମାତ୍ର ସୈନ୍ୟାଧିପତି ସଦାପ୍ରଭୁ ବିଚାରରେ ଉନ୍ନତ ହୁଅନ୍ତି, ପୁଣି, ଧର୍ମସ୍ୱରୂପ ପରମେଶ୍ଵର ଧାର୍ମିକତାରେ ପବିତ୍ର ରୂପେ ମାନ୍ୟ ହୁଅନ୍ତି।
\v 17 ସେହି ସମୟରେ ମେଷଶାବକମାନେ ଆପଣା ଚରା ସ୍ଥାନରେ ଚରିବା ପରି ଚରିବେ, ପୁଣି, ଭ୍ରମଣକାରୀମାନେ ହୃଷ୍ଟପୁଷ୍ଟ ଲୋକମାନଙ୍କର ଧ୍ୱଂସସ୍ଥାନ ଭୋଗ କରିବେ।
\s5
\v 18 ଯେଉଁମାନେ ଅସାରତାରୂପ ରଜ୍ଜୁରେ ଅପରାଧ ଓ ଶଗଡ଼ ରଜ୍ଜୁରେ ପାପ ଆକର୍ଷଣ କରନ୍ତି, ସେମାନେ ସନ୍ତାପର ପାତ୍ର !
\v 19 ସେମାନେ କହନ୍ତି, “ଆମ୍ଭେମାନେ ଯେପରି ଖୋଜି ପାରିବା, ଏଥିପାଇଁ ସେ ତ୍ୱରା କରନ୍ତୁ, ସେ ଆପଣା କାର୍ଯ୍ୟ ଶୀଘ୍ର କରନ୍ତୁ; ଆଉ, ଆମ୍ଭେମାନେ ଯେପରି ଜାଣି ପାରିବା, ଏଥିପାଇଁ ଇସ୍ରାଏଲର ଧର୍ମସ୍ୱରୂପଙ୍କ ମନ୍ତ୍ରଣା ଉପସ୍ଥିତ ହୋଇ ଘଟୁ।”
\s5
\v 20 ଯେଉଁମାନେ ମନ୍ଦକୁ ଭଲ ଓ ଭଲକୁ ମନ୍ଦ କୁହନ୍ତି; ଯେଉଁମାନେ ଅନ୍ଧାରକୁ ଆଲୁଅ ଓ ଆଲୁଅକୁ ଅନ୍ଧାର ଭଳି ମନେ କରନ୍ତି; ଯେଉଁମାନେ ତିକ୍ତକୁ ମିଷ୍ଟ ଓ ମିଷ୍ଟକୁ ତିକ୍ତ ଭଳି ମନେ କରନ୍ତି, ସେମାନେ ସନ୍ତାପର ପାତ୍ର !
\v 21 ଯେଉଁମାନେ ଆପଣା ଆପଣା ଦୃଷ୍ଟିରେ ଜ୍ଞାନବାନ ଓ ଆପଣା ଆପଣା ବୋଧରେ ବୁଦ୍ଧିମାନ, ସେମାନେ ସନ୍ତାପର ପାତ୍ର !
\s5
\v 22 ଯେଉଁମାନେ ଦ୍ରାକ୍ଷାରସ ପାନ କରିବାକୁ ପରାକ୍ରମୀ ଓ ମଦ୍ୟ ମିଶ୍ରିତ କରିବାକୁ ବଳବାନ;
\v 23 ଯେଉଁମାନେ ଲାଞ୍ଚ ସକାଶେ ଦୁଷ୍ଟକୁ ନିର୍ଦ୍ଦୋଷ କରନ୍ତି ଓ ଧାର୍ମିକର ଧାର୍ମିକତା ତାହାଠାରୁ ଦୂର କରନ୍ତି, ସେମାନେ ସନ୍ତାପର ପାତ୍ର !
\s5
\v 24 ଏଥିନିମନ୍ତେ ଅଗ୍ନିର ଜିହ୍ୱା ଯେପରି ନଡ଼ା ଗ୍ରାସ କରେ ଓ ଶୁଷ୍କ ତୃଣ ଯେପରି ଅଗ୍ନି ଶିଖାରେ ଭସ୍ମସାତ୍‍ ହୁଏ, ସେହିପରି ସେମାନଙ୍କର ମୂଳ ସଢ଼ିଯିବ ଓ ସେମାନଙ୍କର ପୁଷ୍ପ ଧୂଳି ପରି ଉଡ଼ିଯିବ; କାରଣ ସେମାନେ ସୈନ୍ୟାଧିପତି ସଦାପ୍ରଭୁଙ୍କର ବ୍ୟବସ୍ଥା ଅଗ୍ରାହ୍ୟ କରିଅଛନ୍ତି ଓ ଇସ୍ରାଏଲର ଧର୍ମସ୍ୱରୂପଙ୍କ ବାକ୍ୟ ଅଗ୍ରାହ୍ୟ କରିଅଛନ୍ତି।
\s5
\v 25 ଏଥିପାଇଁ ସଦାପ୍ରଭୁଙ୍କର କ୍ରୋଧ ତାହାଙ୍କ ଲୋକମାନଙ୍କ ବିରୁଦ୍ଧରେ ପ୍ରଜ୍ୱଳିତ ହୋଇଅଛି ଓ ସେ ସେମାନଙ୍କ ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରି ସେମାନଙ୍କୁ ଆଘାତ କରିଅଛନ୍ତି, ପୁଣି, ଉପପର୍ବତଗଣ କମ୍ପିଲେ ଓ ଲୋକମାନଙ୍କ ଶବ ସଡ଼କ ମଧ୍ୟରେ ଅଳିଆ ପରି ହେଲା। ଏହି ସବୁ ହେଲେ ହେଁ ତାହାଙ୍କର କ୍ରୋଧ ନିବୃତ୍ତ ହୁଏ ନାହିଁ, ମାତ୍ର ତାହାଙ୍କର ହସ୍ତ ପୂର୍ବ ପରି ବିସ୍ତାରିତ ହୋଇ ରହିଅଛି।
\s5
\v 26 ପୁଣି, ସେ ଦୂର ଦେଶୀୟ ଗୋଷ୍ଠୀଗଣ ପ୍ରତି ଗୋଟିଏ ଧ୍ୱଜା ଉଠାଇବେ ଓ ପୃଥିବୀର ପ୍ରାନ୍ତରୁ ସେମାନଙ୍କ ପାଇଁ ଶିଷ୍‍ ଦେବେ, ପୁଣି, ଦେଖ, ସେମାନେ ଦ୍ରୁତଗମନ କରି ଶୀଘ୍ର ଆସିବେ;
\s5
\v 27 ସେମାନଙ୍କ ମଧ୍ୟରେ କେହି କ୍ଳାନ୍ତ ହେବେ ନାହିଁ, କି ଝୁଣ୍ଟି ପଡ଼ିବେ ନାହିଁ; କେହି ଢୁଳାଇବେ ନାହିଁ କି ନିଦ୍ରା ଯିବେ ନାହିଁ; ଆଉ, ସେମାନଙ୍କର କଟିବନ୍ଧନ ଫିଟିବ ନାହିଁ କି ସେମାନଙ୍କର ପାଦୁକାର ବନ୍ଧନ ଛିଣ୍ଡିବ ନାହିଁ;
\v 28 ସେମାନଙ୍କର ତୀର ତୀକ୍ଷ୍ଣ ଓ ସେମାନଙ୍କର ଧନୁସବୁ ଗୁଣଦିଆ; ସେମାନଙ୍କ ଅଶ୍ୱଗଣର ଖୁରା ଚକ୍‍ମକି ପଥର ପରି ଓ ସେମାନଙ୍କ ରଥର ଚକ୍ର ଘୂର୍ଣ୍ଣିବାୟୁ ପରି;
\s5
\v 29 ସେମାନଙ୍କର ଗର୍ଜ୍ଜନ ସିଂହୀର ଗର୍ଜ୍ଜନ ପରି, ସେମାନେ ଯୁବା ସିଂହ ପରି ଗର୍ଜ୍ଜନ କରିବେ; ଆହୁରି, ସେମାନେ ଗର୍ଜ୍ଜନ କରି ଓ ଶିକାର ଧରି ନିରାପଦରେ ତାହା ନେଇ ଯିବେ ଓ ଉଦ୍ଧାର କରିବାକୁ କେହି ନ ଥିବେ।
\v 30 ପୁଣି, ସେମାନେ ସେହି ଦିନ ସମୁଦ୍ରର ଗର୍ଜ୍ଜନ ତୁଲ୍ୟ ଲୋକମାନଙ୍କ ଉପରେ ଗର୍ଜ୍ଜନ କରିବେ; ତହିଁରେ ଯଦି କେହି ଦେଶ ପ୍ରତି ଅନାଇବ, ତେବେ ଦେଖ, ଅନ୍ଧକାର ଓ ସଙ୍କଟ, ପୁଣି, ସେହି ସ୍ଥାନର ଦୀପ୍ତି ମେଘମାଳାରେ ଅନ୍ଧକାରମୟ ହେବ।
\s5
\c 6
\s ଯିଶାଇୟଙ୍କୁ ଦର୍ଶନ ଓ ଆହ୍ୱାନ
\p
\v 1 ଉଷୀୟ ରାଜା ମୃତ ହେବା ବର୍ଷ ମୁଁ ପ୍ରଭୁଙ୍କୁ ଏକ ଉଚ୍ଚ ଓ ଉନ୍ନତ ସିଂହାସନରେ ଉପବିଷ୍ଟ ଦେଖିଲି, ତାହାଙ୍କ ରାଜବସ୍ତ୍ରର ଅଞ୍ଚଳ ମନ୍ଦିରକୁ ପରିପୂର୍ଣ୍ଣ କଲା।
\v 2 ତାହାଙ୍କ ନିକଟରେ ସରାଫଗଣ ଠିଆ ହେଲେ; ସେ ପ୍ରତ୍ୟେକର ଛଅ ଛଅ ପକ୍ଷ ଥିଲା; ପ୍ରତ୍ୟେକେ ଦୁଇ ପକ୍ଷରେ ଆପଣା ଆପଣା ମୁଖ ଆଚ୍ଛାଦନ କଲେ, ଦୁଇ ପକ୍ଷରେ ଚରଣ ଆଚ୍ଛାଦନ କଲେ ଓ ଦୁଇ ପକ୍ଷରେ ଉଡ଼ିଲେ।
\s5
\v 3 ଆଉ, ସେମାନେ ପରସ୍ପର ଡାକି କହିଲେ, “ସୈନ୍ୟାଧିପତି ସଦାପ୍ରଭୁ ପବିତ୍ର, ପବିତ୍ର, ପବିତ୍ର; ସମୁଦାୟ ପୃଥିବୀ ତାହାଙ୍କ ମହିମାରେ ପରିପୂର୍ଣ୍ଣ।”
\s5
\v 4 ସେତେବେଳେ ଘୋଷଣାକାରୀର ରବରେ ଦ୍ୱାର ସମ୍ମୁଖ ସ୍ଥାନର ମୂଳଦୁଆ କମ୍ପିତ ହେଲା ଓ ମନ୍ଦିର ଧୂମରେ ପରିପୂର୍ଣ୍ଣ ହେଲା।
\v 5 ତେବେ ମୁଁ କହିଲି, “ହାୟ ହାୟ ! ମୁଁ ନଷ୍ଟ ହେଲି; କାରଣ ମୁଁ ଅଶୁଚି ଓଷ୍ଠାଧରବିଶିଷ୍ଟ ମନୁଷ୍ୟ ଓ ମୁଁ ଅଶୁଚି ଓଷ୍ଠାଧରବିଶିଷ୍ଟ ଗୋଷ୍ଠୀ ମଧ୍ୟରେ ବାସ କରୁଅଛି; ତଥାପି ମୋହର ଚକ୍ଷୁ ସୈନ୍ୟାଧିପତି ସଦାପ୍ରଭୁ ରାଜାଙ୍କୁ ଦେଖିଅଛି !”
\s5
\v 6 ଏଥିଉତ୍ତାରେ ସେହି ସରାଫଗଣ ମଧ୍ୟରୁ ଏକ ଜଣ ମୋ’ ନିକଟକୁ ଉଡ଼ି ଆସିଲେ, ତାଙ୍କ ହସ୍ତରେ ଖଣ୍ଡେ ଜ୍ୱଳନ୍ତ ଅଙ୍ଗାର ଥିଲା, ସେ ଯଜ୍ଞବେଦିରୁ ଚିମୁଟା ଦ୍ୱାରା ତାହା ନେଇ ଥିଲେ;
\v 7 ପୁଣି, ସେ ତଦ୍ଦ୍ୱାରା ମୋର ମୁଖ ସ୍ପର୍ଶ କରି କହିଲେ, “ଦେଖ, ଏହା ତୁମ୍ଭ ଓଷ୍ଠାଧରକୁ ସ୍ପର୍ଶ କରିଅଛି; ଏଣୁ ତୁମ୍ଭର ଅପରାଧ ଦୂରୀକୃତ ହେଲା ଓ ତୁମ୍ଭର ପାପ ମୋଚନ ହେଲା।”
\s5
\v 8 ଏଥିଉତ୍ତାରେ “ମୁଁ କାହାକୁ ପଠାଇବି ? ଓ କିଏ ଆମ୍ଭମାନଙ୍କ ପାଇଁ ଯିବ ?” ପ୍ରଭୁଙ୍କର ଏହି ରବ ମୁଁ ଶୁଣିଲି। ତେବେ ମୁଁ କହିଲି, “ମୁଁ ଅଛି; ମୋତେ ପଠାଅ।”
\v 9 ତହିଁରେ ସେ କହିଲେ, “ଯାଅ ଓ ଏହି ଗୋଷ୍ଠୀକୁ କୁହ, ତୁମ୍ଭେମାନେ ଶୁଣୁଛ ନିଶ୍ଚୟ, ମାତ୍ର ବୁଝୁ ନାହଁ ଓ ଦେଖୁଛ ନିଶ୍ଚୟ, ମାତ୍ର ଜାଣୁ ନାହଁ।
\s5
\v 10 ଏହି ଲୋକମାନେ ଆପଣା ଆପଣା ଚକ୍ଷୁରେ ଦେଖି ଓ କର୍ଣ୍ଣରେ ଶୁଣି ଓ ଅନ୍ତଃକରଣରେ ବୁଝି ମନ ଫେରାଇ ଯେପରି ସୁସ୍ଥ ନ ହୁଅନ୍ତି, ଏଥିପାଇଁ ତୁମ୍ଭେ ସେମାନଙ୍କ ଅନ୍ତଃକରଣ ସ୍ଥୂଳ କର ଓ ସେମାନଙ୍କ କର୍ଣ୍ଣ ଭାରୀ କର ଓ ସେମାନଙ୍କ ଚକ୍ଷୁ ମୁଦି ଦିଅ।”
\s5
\v 11 ତେବେ ମୁଁ ପଚାରିଲି, “ହେ ପ୍ରଭୁ, କେତେ କାଳ ଯାଏ ?” ତହିଁରେ ସେ ଉତ୍ତର କଲେ, ଯେପର୍ଯ୍ୟନ୍ତ ନଗରସବୁ ନିବାସୀବିହୀନ ଓ ଗୃହସବୁ ନରଶୂନ୍ୟ ହୋଇ ଉଜାଡ଼ ନ ହୁଏ ଓ ଭୂମି ସମ୍ପୂର୍ଣ୍ଣ ରୂପେ ଉଜାଡ଼ ନ ହୁଏ,
\v 12 ପୁଣି, ସଦାପ୍ରଭୁ ଲୋକମାନଙ୍କୁ ଅତି ଦୂର କରି ନ ଦିଅନ୍ତି ଓ ଦେଶ ମଧ୍ୟରେ ପରିତ୍ୟକ୍ତ ସ୍ଥାନ ଅନେକ ନ ହୁଏ, ସେପର୍ଯ୍ୟନ୍ତ।
\s5
\v 13 ଆଉ, ଯଦିବା ତହିଁରେ ଦଶମାଂଶ ରହେ, ତଥାପି ତାହା ପୁନର୍ବାର ବିନଷ୍ଟ ହେବ; ଏଲା ଓ ଅଲୋନ ବୃକ୍ଷ ହଣା ଗଲେ ହେଁ ଯେପରି ତାହାର ଗଣ୍ଡି ରହେ; ସେହିପରି ସେହି ପବିତ୍ର ବଂଶ ଏହି ଗୋଷ୍ଠୀର ଗଣ୍ଡିସ୍ୱରୂପ ଅଟେ।
\s5
\c 7
\s ରାଜା ଆହସ୍‌ଙ୍କ ନିମନ୍ତେ ଏକ ବାର୍ତ୍ତା
\p
\v 1 ଯିହୁଦା-ରାଜା ଉଷୀୟର ପୌତ୍ର ଯୋଥମ୍‍ର ପୁତ୍ର ଆହସ୍‌ର ସମୟରେ ଅରାମର ରତ୍‍ସୀନ ରାଜା ଓ ରମଲୀୟର ପୁତ୍ର ପେକହ ନାମେ ଇସ୍ରାଏଲର ରାଜା ଯିରୂଶାଲମର ବିରୁଦ୍ଧରେ ଯୁଦ୍ଧ କରିବା ନିମନ୍ତେ ସେଠାକୁ ଗଲେ; ମାତ୍ର ତାହା ପରାସ୍ତ କରି ପାରିଲେ ନାହିଁ।
\v 2 ଏଥିଉତ୍ତାରେ ଦାଉଦବଂଶକୁ ଜ୍ଞାତ କରାଗଲା ଯେ, ଅରାମ ଇଫ୍ରୟିମର ସହାୟ ହୋଇଅଛି। ଏଥିରେ ତାହାର ହୃଦୟ ଓ ତାହାର ଲୋକମାନଙ୍କ ହୃଦୟ ବାୟୁରେ କମ୍ପିତ ଓ ବନବୃକ୍ଷ ତୁଲ୍ୟ କମ୍ପିତ ହେଲା।
\s5
\v 3 ସେତେବେଳେ ସଦାପ୍ରଭୁ ଯିଶାଇୟଙ୍କୁ କହିଲେ, “ତୁମ୍ଭେ ଓ ତୁମ୍ଭ ପୁତ୍ର ଶାର-ଯାଶୂବ, ରଜକ କ୍ଷେତ୍ରର ରାଜପଥସ୍ଥ ଉପର ପୁଷ୍କରିଣୀର ନାଳ ମୁଣ୍ଡରେ ଆହସ୍‌ର ସଙ୍ଗେ ସାକ୍ଷାତ କରିବାକୁ ଯାଅ।
\v 4 ଓ ତାହାକୁ କୁହ, ସାବଧାନ ଓ ସୁସ୍ଥିର ହୁଅ; ଏହି ଧୂମମୟ କାଷ୍ଠର ଦୁଇ ଲାଞ୍ଜ, ଅର୍ଥାତ୍‍, ରତ୍‍ସୀନ, ଅରାମର ଓ ରମଲୀୟର ପୁତ୍ରର ପ୍ରଚଣ୍ଡ କ୍ରୋଧ ସକାଶୁ ଭୀତ ହୁଅ ନାହିଁ, କିଅବା ଆପଣା ହୃଦୟକୁ ନିରାଶ ହେବାକୁ ଦିଅ ନାହିଁ।
\s5
\v 5 କାରଣ ଅରାମ, ମଧ୍ୟ ଇଫ୍ରୟିମ ଓ ରମଲୀୟର ପୁତ୍ର ତୁମ୍ଭ ବିରୁଦ୍ଧରେ କୁମନ୍ତ୍ରଣା କରି କହୁଅଛନ୍ତି,
\v 6 ଆସ, ଆମ୍ଭେମାନେ ଯିହୁଦା ବିରୁଦ୍ଧରେ ଯାଇ ତାହାକୁ ଅଧୈର୍ଯ୍ୟ କରୁ ଓ ଆମ୍ଭମାନଙ୍କ ନିମନ୍ତେ ତହିଁ ମଧ୍ୟରେ ଭଗ୍ନ ସ୍ଥାନ କରି ଏକ ରାଜାକୁ, ଅର୍ଥାତ୍‍, ଟାବେଲର ପୁତ୍ରକୁ ସ୍ଥାପନ କରୁ।
\s5
\v 7 ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି, “ତାହା ସ୍ଥିର ହେବ ନାହିଁ ଅବା ସିଦ୍ଧ ହିଁ ହେବ ନାହିଁ।”
\v 8 କାରଣ ଅରାମର ମସ୍ତକ ଦମ୍ମେଶକ ଓ ଦମ୍ମେଶକର ମସ୍ତକ ରତ୍‍ସୀନ; ପୁଣି, ପଞ୍ଚଷଠି ବର୍ଷ ମଧ୍ୟରେ ଇଫ୍ରୟିମ ଖଣ୍ଡ ଖଣ୍ଡ ହୋଇ ଏପରି ଭଗ୍ନ ହେବ ଯେ, ସେ ଆଉ ଏକ ଗୋଷ୍ଠୀ ହୋଇ ରହିବ ନାହିଁ;
\v 9 ଆଉ, ଇଫ୍ରୟିମର ମସ୍ତକ ଶମରୀୟା ଓ ଶମରୀୟାର ମସ୍ତକ ରମଲୀୟର ପୁତ୍ର। ଯଦି ତୁମ୍ଭେମାନେ ବିଶ୍ୱାସ ନ କରିବ, ତେବେ ସ୍ଥିରୀକୃତ ହେବ ନାହିଁ, ଏହା ନିଶ୍ଚୟ।”
\s ଇମ୍ମାନୁୟେଲ ପରମେଶ୍ୱରଙ୍କ ଚିହ୍ନ
\p
\s5
\v 10 ଏଥିଉତ୍ତାରେ ସଦାପ୍ରଭୁ ଆହସ୍‌କୁ ଆହୁରି କହିଲେ,
\v 11 “ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କୁ ଏକ ଚିହ୍ନ ମାଗ; ଅଧୋଲୋକରେ କି ଉର୍ଦ୍ଧ୍ୱଲୋକରେ ହେଉ, ମାଗ।”
\v 12 ମାତ୍ର ଆହସ୍‌ କହିଲା, “ମୁଁ ମାଗିବି ନାହିଁ କି ସଦାପ୍ରଭୁଙ୍କୁ ପରୀକ୍ଷା କରିବି ନାହିଁ।”
\s5
\v 13 ଏଥିରେ ସେ କହିଲେ, “ହେ ଦାଉଦର ବଂଶ, ତୁମ୍ଭେମାନେ ଏବେ ଶୁଣ; ମନୁଷ୍ୟର ଧୈର୍ଯ୍ୟକୁ ପରୀକ୍ଷା କରିବାର ତୁମ୍ଭମାନଙ୍କ ପ୍ରତି କ୍ଷୁଦ୍ର ବିଷୟ ବୋଲି କି ତୁମ୍ଭେମାନେ ମୋ’ ପରମେଶ୍ୱରଙ୍କ ଧୈର୍ଯ୍ୟ ମଧ୍ୟ ପରୀକ୍ଷା କରିବ ?
\v 14 ଏହେତୁ ପ୍ରଭୁ ଆପେ ତୁମ୍ଭମାନଙ୍କୁ ଏକ ଚିହ୍ନ ଦେବେ; ଦେଖ, ଏକ କନ୍ୟା ଗର୍ଭବତୀ ହୋଇ ଏକ ପୁତ୍ର ପ୍ରସବ କରିବ ଓ ତାହାର ନାମ ଇମ୍ମାନୁୟେଲ (ଆମ୍ଭମାନଙ୍କ ସହିତ ପରମେଶ୍ୱର) ରଖିବ।
\v 15 ମନ୍ଦକୁ ଅଗ୍ରାହ୍ୟ ଓ ଭଲକୁ ମନୋନୀତ କରିବାର ଜାଣିବା ବେଳେ ସେ ଦହି ଓ ମଧୁ ଖାଇବ।
\s5
\v 16 କାରଣ ବାଳକ ମନ୍ଦକୁ ଅଗ୍ରାହ୍ୟ ଓ ଭଲକୁ ମନୋନୀତ କରିବାର ଜାଣିବା ପୂର୍ବେ ଯେଉଁ ଦେଶର ଦୁଇ ରାଜାଙ୍କୁ ତୁମ୍ଭେ ଘୃଣା କରୁଅଛ, ସେହି ଦେଶ ପରିତ୍ୟକ୍ତ ହେବ।
\v 17 ଇଫ୍ରୟିମ ଯିହୁଦାଠାରୁ ପୃଥକ୍ ହେବା ଦିନଠାରୁ ଯେପ୍ରକାର ସମୟ କେବେ ହୋଇ ନାହିଁ, ସେପ୍ରକାର ସମୟ ସଦାପ୍ରଭୁ ତୁମ୍ଭ ପ୍ରତି ଓ ତୁମ୍ଭ ଲୋକମାନଙ୍କ ପ୍ରତି ଓ ତୁମ୍ଭ ପିତୃବଂଶ ପ୍ରତି ଘଟାଇବେ; ଅର୍ଥାତ୍‍, ଅଶୂରର ରାଜାକୁ ଆଣିବେ।”
\s5
\v 18 ପୁଣି, ସେହି ଦିନ ସଦାପ୍ରଭୁ ମିସର ଦେଶୀୟ ନଦୀସବୁର ପ୍ରାନ୍ତସ୍ଥ ମକ୍ଷିକାର ପ୍ରତି ଓ ଅଶୂର ଦେଶୀୟ ମହୁମାଛି ପ୍ରତି ଶିଷ୍‍ ଦେବେ।
\v 19 ତହିଁରେ ସେସମସ୍ତେ ଆସି ଉଚ୍ଛିନ୍ନ ଉପତ୍ୟକାସମୂହରେ ଓ ଶୈଳମାନଙ୍କର ଛିଦ୍ର ସ୍ଥାନରେ ଓ କଣ୍ଟକ ବନରେ ଓ ଚରାଭୂମିସମୂହରେ ବସିବେ।
\s5
\v 20 ସେହି ଦିନ ପ୍ରଭୁ ନଦୀର ସେପାରିସ୍ଥ ଭଡ଼ାଟିଆ କ୍ଷୁର ଦ୍ୱାରା, ଅର୍ଥାତ୍‍, ଅଶୂରର ରାଜା ଦ୍ୱାରା ମସ୍ତକ, ପଦର ଲୋମ କ୍ଷୌର କରିବେ ଓ ତଦ୍ଦ୍ୱାରା ଦାଢ଼ି ମଧ୍ୟ ନଷ୍ଟ ହେବ।
\v 21 ସେହି ଦିନ କେହି ଗୋଟିଏ ଯୁବତୀ ଗାଭୀ ଓ ଦୁଇ ଗୋଟି ମେଷ ପୋଷିଲେ,
\v 22 ସେମାନଙ୍କ ଦତ୍ତ ଦୁଗ୍ଧର ବାହୁଲ୍ୟରେ ସେ ଦହି ଖାଇବ; କାରଣ ଦେଶ ମଧ୍ୟରେ ଅବଶିଷ୍ଟ ସମସ୍ତ ଲୋକ ଦହି ଓ ମଧୁ ଖାଇବେ।
\s5
\v 23 ଆହୁରି, ଯେଉଁ ଯେଉଁ ସ୍ଥାନରେ ସହସ୍ର ରୌପ୍ୟ ମୁଦ୍ରା ମୂଲ୍ୟର ଦ୍ରାକ୍ଷାଲତା ଥିଲା, ସେହି ଦିନ ସେ ପ୍ରତ୍ୟେକ ସ୍ଥାନ କାନକୋଳି ଓ କଣ୍ଟକ ବୃକ୍ଷମୟ ହେବ।
\v 24 ପୁଣି, ସମୁଦାୟ ଦେଶ କାନକୋଳି ଓ କଣ୍ଟକ ବୃକ୍ଷମୟ ହେବାରୁ ଲୋକେ ତୀର ଓ ଧନୁ ନେଇ ସେସ୍ଥାନକୁ ଯିବେ।
\v 25 ଆଉ, ଯେସବୁ ପର୍ବତ କୋଡ଼ିରେ ଖୋଳା ହୋଇଥିଲା, ତୁମ୍ଭେ କାନକୋଳି ଓ କଣ୍ଟକ ବନର ଭୟରେ ସେ ସ୍ଥାନକୁ ଗମନ କରିବ ନାହିଁ, ମାତ୍ର ତାହା ବଳଦର ଚରାସ୍ଥାନ ଓ ମେଷର ପାଦ ତଳେ ଦଳିତ ହେବାର ସ୍ଥାନ ହେବ।
\s5
\c 8
\s ଅଶୂରର ରାଜାର ଆକ୍ରମଣ
\p
\v 1 ପୁଣି, ସଦାପ୍ରଭୁ ମୋତେ କହିଲେ, “ତୁମ୍ଭେ ଏକ ଖଣ୍ଡ ବୃହତ ଫଳକ ନେଇ ପ୍ରଚଳିତ ଅକ୍ଷରରେ ତହିଁ ଉପରେ ଏହି କଥା ଲେଖ, ମହେର-ଶାଲଲହାଶ୍‍-ବସ୍‍ (ଲୁଟିତ ଶୀଘ୍ର ଆସୁଅଛି, ଲୁଟିତ ଦ୍ରବ୍ୟ ଶୀଘ୍ର ଗମନ କରୁଅଛି)
\v 2 ଆଉ, ମୁଁ ପ୍ରମାଣର ନିମନ୍ତେ ଊରୀୟ ଯାଜକ ଓ ଯିବୋରିଖୀୟର ପୁତ୍ର ଜିଖରୀୟକୁ ଆପଣାର ବିଶ୍ୱସ୍ତ ସାକ୍ଷୀ କରିବି।
\s5
\v 3 ଏଥିଉତ୍ତାରେ ମୁଁ ଭବିଷ୍ୟଦ୍‍ବକ୍ତ୍ରୀ ସହ ଶୟନ କରନ୍ତେ, ସେ ଗର୍ଭବତୀ ହୋଇ ଏକ ପୁତ୍ର ପ୍ରସବ କଲା। ତେବେ ସଦାପ୍ରଭୁ ମୋତେ କହିଲେ, “ତାହାର ନାମ ମହେର-ଶାଲଲହାଶ୍‍-ବସ୍‍ ରଖ।
\v 4 କାରଣ ବାଳକ ମୋହର ପିତା ଓ ମୋହର ମାତା ବୋଲି ଡାକିବା ପାଇଁ ଜ୍ଞାନ ପାଇବା ପୂର୍ବେ ଦମ୍ମେଶକ ଧନ ଓ ଶମରୀୟାର ଲୁଟିତ ଅଶୂର ରାଜାର ଆଗେ ଆଗେ ବହି ନିଆଯିବ।”
\s5
\v 5 ଏଥିଉତ୍ତାରେ ସଦାପ୍ରଭୁ ମୋତେ ପୁନର୍ବାର କହିଲେ,
\v 6 “ଏହି ଲୋକମାନେ ଶୀଲୋହର ମନ୍ଦଗାମୀ ସ୍ରୋତ ଅଗ୍ରାହ୍ୟ କରି ରତ୍‍ସୀନ ଓ ରମଲୀୟର ପୁତ୍ରଠାରେ ଆନନ୍ଦ କରୁଅଛନ୍ତି;
\v 7 ଏହେତୁ ଦେଖ, ପ୍ରଭୁ ଏବେ ନଦୀର ପ୍ରବଳ, ଅପାର ଜଳ ସ୍ୱରୂପ ଅଶୂରର ରାଜାକୁ ଓ ତାହାର ସମସ୍ତ ପ୍ରତାପକୁ ସେମାନଙ୍କ ଉପରେ ଆଣୁଅଛନ୍ତି; ତହୁଁ ସେ ଆପଣାର ସମସ୍ତ ଜଳପ୍ରଣାଳୀ ଉପରେ ବଢ଼ି ଆପଣାର ବନ୍ଧ ଉପର ଦେଇ ଚାଲିଯିବ;
\s5
\v 8 ଆଉ, ସେ ପ୍ରବଳ ରୂପେ ଆଗକୁ ବଢ଼ି ଯିହୁଦା ପର୍ଯ୍ୟନ୍ତ ଯିବ; ସେ ଉଚ୍ଛୁଳି ଉଠି ବ୍ୟାପି ଯିବ; ସେ କଣ୍ଠ ସରିକି ଉଠିବ; ପୁଣି, ହେ ଇମ୍ମାନୁୟେଲ, ତାହାର ପକ୍ଷର ବିସ୍ତୃତି ଦ୍ୱାରା ତୁମ୍ଭ ଦେଶର ପ୍ରସ୍ଥ ବ୍ୟାପ୍ତ ହେବ।”
\s5
\v 9 ହେ ଗୋଷ୍ଠୀସମୂହ, ତୁମ୍ଭେମାନେ କୋଳାହଳ କର, ମଧ୍ୟ ତୁମ୍ଭେମାନେ ଭଗ୍ନ ହେବ; ପୁଣି, ହେ ଦୂରଦେଶୀୟ ଲୋକ ସମସ୍ତେ, ତୁମ୍ଭେମାନେ କର୍ଣ୍ଣପାତ କର; ତୁମ୍ଭେମାନେ କଟି ବନ୍ଧନ କର, ମଧ୍ୟ ଭଗ୍ନ ହେବ।
\v 10 ଏକତ୍ର ମନ୍ତ୍ରଣା କର, ମଧ୍ୟ ତାହା ନିଷ୍ଫଳ ହେବ; କଥା କୁହ, ମଧ୍ୟ ତାହା ସ୍ଥିର ହେବ ନାହିଁ; ଯେହେତୁ ପରମେଶ୍ୱର ଆମ୍ଭମାନଙ୍କ ସହିତ ଅଛନ୍ତି।
\s ପରମେଶ୍ୱରଙ୍କ ଆଦେଶ
\p
\s5
\v 11 କାରଣ ସଦାପ୍ରଭୁ ପ୍ରବଳ ହସ୍ତରେ ଧରି ମୋତେ ଏହିପରି କହିଲେ ଓ ମୁଁ ଯେପରି ଏହି ଲୋକମାନଙ୍କ ପଥରେ ଗମନ ନ କରିବି, ଏଥିପାଇଁ ମୋତେ ଆଦେଶ ଦେଇ କହିଲେ,
\v 12 ଏହି ଲୋକମାନେ ଯେଉଁ ସବୁ ବିଷୟକୁ ଚକ୍ରାନ୍ତ ବୋଲି କହିବେ; ତୁମ୍ଭେମାନେ ସେହି ସବୁକୁ ଚକ୍ରାନ୍ତ ବୋଲି କୁହ ନାହିଁ; କିଅବା ସେମାନଙ୍କର ଭୟ ବିଷୟକୁ ତୁମ୍ଭେମାନେ ଭୟ କର ନାହିଁ, ଅବା ତହିଁ ବିଷୟରେ ତ୍ରାସଯୁକ୍ତ ହୁଅ ନାହିଁ।
\v 13 ସୈନ୍ୟାଧିପତି ସଦାପ୍ରଭୁଙ୍କୁ ହିଁ ତୁମ୍ଭେମାନେ ପବିତ୍ର ରୂପେ ମାନ୍ୟ କରିବ, ପୁଣି, ସେ ତୁମ୍ଭମାନଙ୍କର ଭୟସ୍ଥାନ ହେଉନ୍ତୁ ଓ ସେ ତୁମ୍ଭମାନଙ୍କର ତ୍ରାସଭୂମି ହେଉନ୍ତୁ।
\s5
\v 14 ତହିଁରେ ସେ ପବିତ୍ର ଆଶ୍ରୟ ସ୍ୱରୂପ ହେବେ, ମାତ୍ର ଇସ୍ରାଏଲର ଉଭୟ ବଂଶ ପ୍ରତି ବିଘ୍ନଜନକ ପ୍ରସ୍ତର ଓ ବାଧାଜନକ ପାଷାଣ ହେବେ, ଯିରୂଶାଲମ ନିବାସୀମାନଙ୍କ ପ୍ରତି ଫାଶ ଓ ଫାନ୍ଦ ସ୍ୱରୂପ ହେବେ।
\v 15 ଆଉ, ଅନେକ ଲୋକ ତଦ୍ଦ୍ୱାରା ବିଘ୍ନ ପାଇ ପତିତ ଓ ଭଗ୍ନ ହେବେ ଓ ଫାନ୍ଦରେ ପଡ଼ି ଧରାଯିବେ।
\s5
\v 16 ତୁମ୍ଭେ ଏହି ପ୍ରମାଣ-ବାକ୍ୟ ବାନ୍ଧ, ମୋ’ ଶିଷ୍ୟମାନଙ୍କ ମଧ୍ୟରେ ବ୍ୟବସ୍ଥା ମୁଦ୍ରାଙ୍କିତ କର।
\v 17 ପୁଣି, ଯେ ଯାକୁବ-ବଂଶଠାରୁ ଆପଣା ମୁଖ ଆଚ୍ଛାଦନ କରନ୍ତି, ମୁଁ ସେହି ସଦାପ୍ରଭୁଙ୍କର ଅପେକ୍ଷା କରିବି ଓ ତାହାଙ୍କ ପାଇଁ ଅନାଇ ରହିବି।
\v 18 ଦେଖ, ମୁଁ ଓ ସଦାପ୍ରଭୁଙ୍କ ଦ୍ୱାରା ମୋତେ ଦତ୍ତ ସନ୍ତାନଗଣ ସିୟୋନ ପର୍ବତନିବାସୀ ସୈନ୍ୟାଧିପତି ସଦାପ୍ରଭୁଙ୍କଠାରୁ ଇସ୍ରାଏଲ ମଧ୍ୟରେ ଚିହ୍ନ ଓ ଅଦ୍ଭୁତ ଲକ୍ଷଣ ସ୍ୱରୂପ ଅଟୁ।
\s5
\v 19 ପୁଣି, ଯେତେବେଳେ ସେମାନେ ତୁମ୍ଭମାନଙ୍କୁ କହିବେ, ଯେଉଁ ଭୂତୁଡ଼ିଆ ଓ ଗୁଣିଆମାନେ ଗଣ ଗଣ ଓ ଫୁସ୍‍ ଫୁସ୍‍ କରି କହନ୍ତି, ସେମାନଙ୍କର ଅନ୍ଵେଷଣ କର; (ତୁମ୍ଭେମାନେ କୁହ) ଲୋକମାନେ କ’ଣ ଆପଣାମାନଙ୍କ ପରମେଶ୍ୱରଙ୍କ ଅନ୍ଵେଷଣ କରିବେ ନାହିଁ ? ସେମାନେ କ’ଣ ଜୀବିତମାନଙ୍କ ସପକ୍ଷରେ ମୃତମାନଙ୍କର ଅନ୍ଵେଷଣ କରିବେ ?
\v 20 ବ୍ୟବସ୍ଥା ଓ ପ୍ରମାଣ-ବାକ୍ୟରେ ଅନ୍ଵେଷଣ କର। ଯଦି ସେମାନେ ଏହି ବାକ୍ୟାନୁସାରେ କଥା ନ କହନ୍ତି, ତେବେ ନିଶ୍ଚୟ ସେମାନଙ୍କ ନିମନ୍ତେ ଅରୁଣୋଦୟ ନାହିଁ।
\s5
\v 21 ପୁଣି, ସେମାନେ ଅତି କଠିନ ଓ କ୍ଷୁଧିତ ହୋଇ ଦେଶ ମଧ୍ୟ ଦେଇ ଗମନ କରିବେ, ଆଉ କ୍ଷୁଧିତ ହେଲେ, ସେମାନେ ବିରକ୍ତ ହୋଇ ଆପଣାମାନଙ୍କ ରାଜାଙ୍କ ଦ୍ୱାରା ଓ ଆପଣାମାନଙ୍କ ପରମେଶ୍ୱରଙ୍କ ଦ୍ୱାରା ଅଭିଶାପ ଦେଇ ଉର୍ଦ୍ଧ୍ୱ ଆଡ଼କୁ ଆପଣା ଆପଣା ମୁଖ କରିବେ;
\v 22 ପୁଣି, ସେମାନେ ଭୂମି ଆଡ଼େ ନିରୀକ୍ଷଣ କରିବେ, ଆଉ ଦେଖ, ସଙ୍କଟ ଓ ଅନ୍ଧକାର, ଯାତନାରୂପ ତିମିର; ପୁଣି, ସେମାନେ ନିବିଡ଼ ଅନ୍ଧକାରକୁ ତାଡ଼ିତ ହେବେ।
\s5
\c 9
\s ଭାବି ରାଜା
\p
\v 1 ମାତ୍ର ପୂର୍ବେ (ଯେଉଁ ଦେଶ) ବେଦନାଗ୍ରସ୍ତ ଥିଲା, ତାହା ଅନ୍ଧକାର ହୋଇ ରହିବ ନାହିଁ। ପୂର୍ବ କାଳରେ ସେ ସବୂଲୂନ ଦେଶ ଓ ନପ୍ତାଲି ଦେଶକୁ ତୁଚ୍ଛନୀୟ କରିଥିଲେ, ମାତ୍ର ଶେଷ କାଳରେ ସେ ତାହାକୁ ସମୁଦ୍ର ପଥର ନିକଟବର୍ତ୍ତୀ, ଯର୍ଦ୍ଦନର ସେପାରିସ୍ଥ, ଗୋଷ୍ଠୀଗଣର ଗାଲିଲୀକୁ ସମ୍ଭ୍ରାନ୍ତ କରିବେ।
\v 2 ଯେଉଁ ଗୋଷ୍ଠୀ ଅନ୍ଧକାରରେ ଭ୍ରମଣ କଲେ, ସେମାନେ ମହାଆଲୁଅ ଦେଖିଅଛନ୍ତି; ଯେଉଁମାନେ ମୃତ୍ୟୁୁଚ୍ଛାୟାରୂପ ଦେଶରେ ବାସ କଲେ, ସେମାନଙ୍କ ଉପରେ ଦୀପ୍ତି ଉଦିତ ହୋଇଅଛି।
\s5
\v 3 ତୁମ୍ଭେ ସେହି ଦେଶୀୟ ଲୋକଙ୍କୁ ବହୁସଂଖ୍ୟକ କରି ସେମାନଙ୍କର ଆନନ୍ଦ ବୃଦ୍ଧି କରିଅଛ; ସେମାନେ ଶସ୍ୟ ଛେଦନର ଆନନ୍ଦ ପ୍ରାୟ ଆନନ୍ଦ କରନ୍ତି, ଲୁଟିତ ବିଭାଗ କରିବା ସମୟର ତୁଲ୍ୟ ଉଲ୍ଲାସିତ ହୁଅନ୍ତି,
\s5
\v 4 କାରଣ ମିଦୀୟନର ଦିନରେ ଯେପରି, ସେହିପରି ତୁମ୍ଭେ ତାହାର ଭାର ସ୍ୱରୂପ ଯୁଆଳି ଓ ତାହାର ସ୍କନ୍ଧସ୍ଥିତ ବାହୁଙ୍ଗି, ତାହାର ଉପଦ୍ରବକାରୀର ଦଣ୍ଡ ଭାଙ୍ଗି ପକାଇଅଛ।
\v 5 ଏହେତୁ କଳହରେ ସଜ୍ଜିତ ଲୋକର ସମସ୍ତ ଅସ୍ତ୍ରଶସ୍ତ୍ର ଓ ରକ୍ତରେ ଜଡ଼ିତ ବସ୍ତ୍ରସବୁ ଜ୍ୱଳନୀୟ ଦ୍ରବ୍ୟ, ଅଗ୍ନି ପାଇଁ କାଷ୍ଠ ସ୍ୱରୂପ ହେବ।
\s5
\v 6 କାରଣ ଆମ୍ଭମାନଙ୍କ ନିମନ୍ତେ ଏକ ବାଳକ ଜନ୍ମିଅଛନ୍ତି, ଆମ୍ଭମାନଙ୍କୁ ଏକ ପୁତ୍ର ଦତ୍ତ ହୋଇଅଛନ୍ତି ଓ ତାହାଙ୍କ ସ୍କନ୍ଧରେ କର୍ତ୍ତୃତ୍ୱଭାର ଥୁଆଯିବ; ପୁଣି, ତାହାଙ୍କର ନାମ ଆଶ୍ଚର୍ଯ୍ୟ, ମନ୍ତ୍ରୀ, ପରାକ୍ରାନ୍ତ ପରମେଶ୍ୱର, ଅନନ୍ତକାଳୀନ ପିତା, ଶାନ୍ତିରାଜା ହେବ।
\v 7 ତାହାଙ୍କ କର୍ତ୍ତୃତ୍ୱବୃଦ୍ଧି ଓ ଶାନ୍ତିର ସୀମା ରହିବ ନାହିଁ, ସେ ଦାଉଦଙ୍କର ସିଂହାସନରେ ଓ ତାହାଙ୍କର ରାଜ୍ୟରେ ଉପବିଷ୍ଟ ହୋଇ ନ୍ୟାୟବିଚାର ଓ ଧାର୍ମିକତାରେ ଏହି କ୍ଷଣଠାରୁ ଅନନ୍ତ କାଳ ପର୍ଯ୍ୟନ୍ତ ତାହା ସୁସ୍ଥିର ଓ ସୁଦୃଢ଼ କରିବେ। ସୈନ୍ୟାଧିପତି ସଦାପ୍ରଭୁଙ୍କ ଉଦ୍‍ଯୋଗ ଏହା ସାଧନ କରିବ।
\s ଅହଙ୍କାର ଓ ଅତ୍ୟାଚାରର ଶାସ୍ତି
\p
\s5
\v 8 ଯାକୁବ ମଧ୍ୟକୁ ପ୍ରଭୁ ଏକ ବାକ୍ୟ ପ୍ରେରଣ କଲେ ଓ ତାହା ଇସ୍ରାଏଲ ଉପରେ ପଡ଼ିଅଛି,
\v 9 ପୁଣି ସମସ୍ତ ଲୋକ, ଇଫ୍ରୟିମ ଓ ଶମରୀୟାର ନିବାସୀମାନେ ହିଁ ତାହା ଜାଣିବେ; ସେମାନେ ଅହଙ୍କାରରେ ଓ ଦର୍ପଚିତ୍ତରେ କହନ୍ତି,
\v 10 ଇଟାସବୁ ପଡ଼ି ଯାଇଅଛି ନିଶ୍ଚୟ, ମାତ୍ର ଆମ୍ଭେମାନେ କଟା ପ୍ରସ୍ତରରେ ନିର୍ମାଣ କରିବା; ଡିମ୍ବିରି ବୃକ୍ଷସବୁ ହଣା ହୋଇଅଛି ନିଶ୍ଚୟ, ମାତ୍ର ଆମ୍ଭେମାନେ ତହିଁ ପରିବର୍ତ୍ତରେ ଏରସ ବୃକ୍ଷ ବଢ଼ାଇବା।
\s5
\v 11 ଏହେତୁ ସଦାପ୍ରଭୁ ତାହାର ପ୍ରତିକୂଳରେ ରତ୍‍ସୀନର ବିପକ୍ଷଗଣକୁ ଉନ୍ନତ କରିବେ ଓ ତାହାର ଶତ୍ରୁଗଣକୁ ଉତ୍ତେଜିତ କରିବେ;
\v 12 ସମ୍ମୁଖରେ ଅରାମୀୟମାନେ ଓ ପଶ୍ଚାତରେ ପଲେଷ୍ଟୀୟମାନେ ହେବେ; ଆଉ, ସେମାନେ ପ୍ରସାରିତ ମୁଖରେ ଇସ୍ରାଏଲକୁ ଗ୍ରାସ କରିବେ। ଏସବୁ ହେଲେ ହେଁ ତାହାଙ୍କର କ୍ରୋଧ ନିବୃତ୍ତ ହୁଏ ନାହିଁ, ମାତ୍ର ତାହାଙ୍କର ହସ୍ତ ପୂର୍ବ ପରି ବିସ୍ତାରିତ ହୋଇ ରହିଅଛି।
\s5
\v 13 ତଥାପି ଲୋକମାନଙ୍କୁ ଯେ ପ୍ରହାର କରିଅଛନ୍ତି, ତାହାଙ୍କ ନିକଟକୁ ସେମାନେ ଫେରି ନାହାନ୍ତି, କିଅବା ସେମାନେ ସୈନ୍ୟାଧିପତି ସଦାପ୍ରଭୁଙ୍କର ଅନ୍ଵେଷଣ କରି ନାହାନ୍ତି।
\v 14 ଏହେତୁ ସଦାପ୍ରଭୁ ଇସ୍ରାଏଲର ମସ୍ତକ ଓ ଲାଙ୍ଗୁଳ, ତାଳବାହୁଙ୍ଗା ଓ ଜଳଜ ତୃଣ ଗୋଟିଏ ଦିନରେ କାଟି ପକାଇବେ।
\v 15 ପ୍ରାଚୀନ ଓ ସମ୍ଭ୍ରାନ୍ତ ଲୋକ ସେହି ମସ୍ତକ, ପୁଣି, ମିଥ୍ୟା ଶିକ୍ଷାଦାୟୀ ଭବିଷ୍ୟଦ୍‍ବକ୍ତା ଲାଙ୍ଗୁଳ,
\s5
\v 16 କାରଣ ଏହି ଲୋକମାନଙ୍କର ପଥପ୍ରଦର୍ଶକମାନେ ସେମାନଙ୍କୁ ଭ୍ରାନ୍ତ କରାନ୍ତି, ପୁଣି, ଯେଉଁମାନେ ସେମାନଙ୍କ ଦ୍ୱାରା ପଥ କଢ଼ାଯା’ନ୍ତି, ସେମାନେ ବିନଷ୍ଟ ହୁଅନ୍ତି।
\v 17 ଏଣୁ ସଦାପ୍ରଭୁ ସେମାନଙ୍କ ଯୁବକମାନଙ୍କଠାରେ ଆନନ୍ଦ କରିବେ ନାହିଁ, କିଅବା ସେମାନଙ୍କର ପିତୃହୀନ ବାଳକ ଓ ବିଧବାଗଣ ପ୍ରତି ଦୟା କରିବେ ନାହିଁ; ଯେହେତୁ ପ୍ରତ୍ୟେକ ଲୋକ ଧର୍ମହୀନ ଓ ଦୁରାଚାରୀ ଓ ପ୍ରତ୍ୟେକ ମୁଖ ମିଥ୍ୟାବାଦୀ। ଏସବୁ ହେଲେ ହେଁ ତାହାଙ୍କର କ୍ରୋଧ ନିବୃତ୍ତ ହୁଏ ନାହିଁ, ମାତ୍ର ତାହାଙ୍କର ହସ୍ତ ପୂର୍ବ ପରି ବିସ୍ତାରିତ ହୋଇ ରହିଅଛି।
\s5
\v 18 ଯେହେତୁ ଦୁଷ୍ଟତା ଅଗ୍ନି ପରି ଜ୍ୱଳେ; ତାହା କାନକୋଳି ଓ କଣ୍ଟକ ବୃକ୍ଷ ଗ୍ରାସ କରେ; ଆହୁରି, ତାହା ବନର ନିବିଡ଼ ସ୍ଥାନରେ ଜ୍ୱଳି ଘନ ମେଘ ତୁଲ୍ୟ ଧୂମ ହୋଇ ଉପରକୁ ଉଠେ।
\v 19 ସୈନ୍ୟାଧିପତି ସଦାପ୍ରଭୁଙ୍କ କୋପରେ ଦେଶ ଦଗ୍ଧ ହୋଇଅଛି; ମଧ୍ୟ ଲୋକମାନେ ଅଗ୍ନି ପାଇଁ କାଷ୍ଠ ତୁଲ୍ୟ ଅଟନ୍ତି; କେହି ଆପଣା ଭ୍ରାତାକୁ ଦୟା କରେ ନାହିଁ।
\s5
\v 20 ତହିଁରେ ଲୋକେ ଦକ୍ଷିଣ ହସ୍ତରେ ଛଡ଼ାଇବେ, ପୁଣି, କ୍ଷୁଧିତ ହେବେ; ପୁଣି, ବାମ ହସ୍ତରେ ଭୋଜନ କରିବେ ଓ ତୃପ୍ତ ହେବେ ନାହିଁ; ସେମାନେ ପ୍ରତ୍ୟେକେ ଆପଣା ଆପଣା ବାହୁର ମାଂସ ଭୋଜନ କରିବେ;
\v 21 ମନଃଶି ଇଫ୍ରୟିମର ଓ ଇଫ୍ରୟିମ ମନଃଶିର ପ୍ରତିକୂଳ ହେବେ, ପୁଣି, ସେମାନେ ଏକତ୍ର ହୋଇ ଯିହୁଦାର ପ୍ରତିକୂଳ ହେବେ। ଏସବୁ ହେଲେ ହେଁ ତାହାଙ୍କର କ୍ରୋଧ ନିବୃତ୍ତ ହୁଏ ନାହିଁ, ମାତ୍ର ତାହାଙ୍କର ହସ୍ତ ପୂର୍ବ ପରି ବିସ୍ତାରିତ ହୋଇ ରହିଅଛି।
\s5
\c 10
\p
\v 1 ଯେଉଁମାନେ ଅଧର୍ମ ବ୍ୟବସ୍ଥା ସ୍ଥାପନ କରନ୍ତି ଓ ଯେଉଁ ଲେଖକମାନେ ଉପଦ୍ରବର କଥା ଲେଖନ୍ତି, ସେମାନେ ସନ୍ତାପର ପାତ୍ର !
\v 2 ସେମାନେ ବିଧବାମାନଙ୍କୁ ଆପଣାମାନଙ୍କର ଲୁଟିତ ଦ୍ରବ୍ୟ ସ୍ୱରୂପ କରିବା ପାଇଁ, ପିତୃହୀନମାନଙ୍କୁ ଆପଣାମାନଙ୍କର ମୃଗୟା ସ୍ୱରୂପ କରିବା ପାଇଁ, ଦରିଦ୍ରମାନଙ୍କୁ ନ୍ୟାୟବିଚାରରୁ ଫେରାଇ ଦିଅନ୍ତି ଓ ମୋହର ଦୁଃଖୀ ଲୋକମାନଙ୍କର ଅଧିକାର ହରଣ କରନ୍ତି।
\s5
\v 3 ଏଣୁ ପ୍ରତିଫଳ ଦେବାର ଦିନରେ ଓ ଦୂରରୁ ଆସନ୍ତା ବିନାଶ ସମୟରେ ତୁମ୍ଭେମାନେ କଅଣ କରିବ ? ସାହାଯ୍ୟ ନିମନ୍ତେ ତୁମ୍ଭେମାନେ କାହା ନିକଟକୁ ପଳାଇବ ? ଓ ତୁମ୍ଭମାନଙ୍କର ପ୍ରତାପ କେଉଁଠାରେ ରଖିବ ?
\v 4 ସେମାନେ କେବଳ ବନ୍ଦୀ ଲୋକମାନଙ୍କର ପଦ ତଳେ ନତ ହେବେ ଓ ହତ ଲୋକମାନଙ୍କର ତଳେ ପଡ଼ିବେ। ଏହି ସବୁ ହେଲେ ହେଁ ତାହାଙ୍କର କ୍ରୋଧ ନିବୃତ୍ତ ହୁଏ ନାହିଁ, ମାତ୍ର ତାହାଙ୍କର ହସ୍ତ ପୂର୍ବ ପରି ବିସ୍ତାରିତ ହୋଇ ରହିଅଛି।
\s ଈଶ୍ୱରଙ୍କ ଅସ୍ତ୍ର-ଅଶୂର
\p
\s5
\v 5 ହାୟ ଅଶୂର ! ସେ ଆମ୍ଭର କ୍ରୋଧରୂପ ଦଣ୍ଡ, ତାହାର ହସ୍ତରେ ଆମ୍ଭର କୋପରୂପ ଯଷ୍ଟି ଅଛି।
\v 6 ଆମ୍ଭେ ତାହାକୁ ଲୁଟିତ ଦ୍ରବ୍ୟ ଓ ମୃଗୟା ନେଇ ଯିବା ନିମନ୍ତେ ଓ ଲୋକମାନଙ୍କୁ ବାଟର କାଦୁଅ ତୁଲ୍ୟ ଦଳିତ କରିବା ନିମନ୍ତେ ଧର୍ମହୀନ ଗୋଷ୍ଠୀର ଓ ଆମ୍ଭ କ୍ରୋଧପାତ୍ର ଲୋକମାନଙ୍କ ବିରୁଦ୍ଧରେ ଆଜ୍ଞା ଦେବା।
\s5
\v 7 ତଥାପି ତାହାର ଅଭିପ୍ରାୟ ସେହିପରି ନୁହେଁ, କିଅବା ତାହାର ହୃଦୟ ସେହିପରି ଭାବେ ନାହିଁ; ମାତ୍ର ବିନାଶ କରିବାକୁ ଓ ଅନେକ ଗୋଷ୍ଠୀଙ୍କୁ ଉଚ୍ଛିନ୍ନ କରିବାକୁ ତାହାର ହୃଦୟରେ ଅଛି।
\v 8 କାରଣ ସେ କହେ, ଆମ୍ଭର ସେନାପତିଗଣ ସମସ୍ତେ କି ରାଜା ନୁହଁନ୍ତି ?
\v 9 କଲ୍‍ନୋ ସହର କି କର୍କମୀଶ୍‍ ସହର ତୁଲ୍ୟ ନୁହେଁ ? ହମାତ୍‍ ସହର କି ଅର୍ପଦ ସହର ତୁଲ୍ୟ ନୁହେଁ ? ଶମରୀୟା କି ଦମ୍ମେଶକ ତୁଲ୍ୟ ନୁହେଁ ?
\s5
\v 10 ଯେଉଁ ପ୍ରତିମାଗଣର ରାଜ୍ୟସକଳର ଖୋଦିତ ମୂର୍ତ୍ତିସମୂହ, ଯିରୂଶାଲମର ଓ ଶମରୀୟାର ମୂର୍ତ୍ତିଗଣ ଅପେକ୍ଷା ଶ୍ରେଷ୍ଠ, ସେହି ସବୁ ରାଜ୍ୟ ଆମ୍ଭର ହସ୍ତଗତ ହୋଇଅଛି;
\v 11 ଆମ୍ଭେ ଶମରୀୟା ଓ ତାହାର ପ୍ରତିମାଗଣ ପ୍ରତି ଯେପରି କରିଅଛୁ, ଯିରୂଶାଲମ ଓ ତାହାର ପ୍ରତିମାଗଣ ପ୍ରତି କ’ଣ ସେହିପରି କରିବା ନାହିଁ ?
\s5
\v 12 ଏହେତୁ ଏପରି ଘଟିବ ଯେ, ପ୍ରଭୁ ସିୟୋନ ପର୍ବତରେ ଓ ଯିରୂଶାଲମରେ ଆପଣାର ସମସ୍ତ କାର୍ଯ୍ୟ ସାଧନ କଲା ଉତ୍ତାରେ ଆମ୍ଭେ ଅଶୂର-ରାଜର ଅହଙ୍କାରମୟ ଚିତ୍ତରୂପ ଫଳର ଓ ତାହାର ଉଚ୍ଚ ଦୃଷ୍ଟିରୂପ ଆଡ଼ମ୍ବରର ପ୍ରତିଫଳ ଦେବା।
\v 13 କାରଣ ସେ କହିଅଛି, ମୁଁ ବୁଦ୍ଧିମାନ ହେବାରୁ ଆପଣା ହସ୍ତର ବଳ ଓ ଆପଣା ଜ୍ଞାନ ଦ୍ୱାରା ଏହା କରିଅଛି; ପୁଣି, ମୁଁ ନାନା ଗୋଷ୍ଠୀର ସୀମା ଦୂର କରିଅଛି ଓ ସେମାନଙ୍କର ସଞ୍ଚିତ ଧନ ହରଣ କରିଅଛି, ଆଉ ମୁଁ ବିକ୍ରମଶାଳୀ ଲୋକ ତୁଲ୍ୟ ସିଂହାସନୋପବିଷ୍ଟ ଲୋକମାନଙ୍କୁ ତଳକୁ ଓହ୍ଲାଇ ଆଣିଅଛି;
\s5
\v 14 ପୁଣି, ମୋହର ହସ୍ତ ନାନା ଗୋଷ୍ଠୀର ଧନ ପକ୍ଷୀର ବସା ତୁଲ୍ୟ ପ୍ରାପ୍ତ ହୋଇଅଛି ଓ କେହି ଯେପରି ତ୍ୟକ୍ତ ଡିମ୍ବ ସଂଗ୍ରହ କରେ, ସେହିପରି ମୁଁ ସମୁଦାୟ ପୃଥିବୀକୁ ସଂଗ୍ରହ କରିଅଛି; ଆଉ, ପକ୍ଷ ହଲାଇବାକୁ କିଅବା ଥଣ୍ଟ ଫିଟାଇବାକୁ ଅବା ଚିଁ ଚିଁ ଶବ୍ଦ କରିବାକୁ କେହି ନ ଥିଲା।
\s5
\v 15 କୁହ୍ରାଡ଼ି କ’ଣ ତଦ୍ଦ୍ୱାରା ଛେଦନକର୍ତ୍ତା ବିରୁଦ୍ଧରେ ଦର୍ପ କରିବ ? କରତ କ’ଣ କରତୀୟାର ପ୍ରତିକୂଳରେ ଆପଣାକୁ ଶ୍ରେଷ୍ଠ କରିବ ? ଯେଉଁମାନେ ଦଣ୍ଡ ଉଠାନ୍ତି, ଦଣ୍ଡ କ’ଣ ସେମାନଙ୍କୁ ହଲାଇବ ? ଯେ କାଷ୍ଠ ନୁହେଁ, ଯଷ୍ଟି କ’ଣ ତାହାକୁ ଉଠାଇବ ?
\v 16 ଏହେତୁ ପ୍ରଭୁ ସୈନ୍ୟାଧିପତି ସଦାପ୍ରଭୁ ତାହାର ସ୍ଥୂଳକାୟ ଲୋକମାନଙ୍କ ମଧ୍ୟରେ କ୍ଷୀଣତା ପଠାଇବେ ଓ ତାହାର ପ୍ରତାପର ତଳେ ଅଗ୍ନିଦାହ ତୁଲ୍ୟ ଦାହ ହେବ।
\s5
\v 17 ପୁଣି, ଇସ୍ରାଏଲର ଜ୍ୟୋତିଃ ଅଗ୍ନି ସ୍ୱରୂପ ହେବ ଓ ତାହାର ଧର୍ମସ୍ୱରୂପ ଅଗ୍ନିଶିଖା ସଦୃଶ ହେବେ, ଆଉ ତାହା ଜ୍ୱଳି ଗୋଟିଏ ଦିନରେ ତାହାର କାନକୋଳି ଓ କଣ୍ଟକ ବୃକ୍ଷସବୁ ଗ୍ରାସ କରିବ।
\v 18 ଆଉ, ସେ ତାହାର ବନ ଓ ଉର୍ବରା କ୍ଷେତ୍ରର ଗୌରବକୁ ପ୍ରାଣ ଓ ଶରୀର ସୁଦ୍ଧା ସଂହାର କରିବେ; ତହିଁରେ ଧ୍ୱଜାଧାରୀ କ୍ଷୀଣ ହେବା ବେଳେ ଯେପରି ହୁଏ, ସେହିପରି ହେବ।
\v 19 ପୁଣି, ତାହାର ବନର ଅବଶିଷ୍ଟ ବୃକ୍ଷ ଏତେ ଅଳ୍ପ ହେବ ଯେ, ଗୋଟିଏ ବାଳକ ତାହା ଲେଖି ପାରିବ।
\s ଇସ୍ରାଏଲର ଅବଶିଷ୍ଟାଂଶଙ୍କ ପ୍ରତ୍ୟାବର୍ତ୍ତନ
\p
\s5
\v 20 ପୁଣି, ସେହି ଦିନରେ ଏପରି ଘଟିବ ଯେ, ଇସ୍ରାଏଲର ଅବଶିଷ୍ଟାଂଶ ଓ ଯାକୁବ-ବଂଶର ରକ୍ଷାପ୍ରାପ୍ତ ଲୋକେ ଆପଣାମାନଙ୍କ ପ୍ରହାରକାରୀର ଉପରେ ଆଉ ନିର୍ଭର କରିବେ ନାହିଁ; ମାତ୍ର ସେମାନେ ସତ୍ୟ ଭାବରେ ଇସ୍ରାଏଲର ଧର୍ମସ୍ୱରୂପ ସଦାପ୍ରଭୁଙ୍କ ଉପରେ ନିର୍ଭର କରିବେ।
\v 21 ଅବଶିଷ୍ଟାଂଶ, ଅର୍ଥାତ୍‍, ଯାକୁବର ଅବଶିଷ୍ଟାଂଶ, ପରାକ୍ରାନ୍ତ ପରମେଶ୍ୱରଙ୍କ ନିକଟକୁ ଫେରି ଆସିବେ।
\s5
\v 22 କାରଣ ତୁମ୍ଭ ଇସ୍ରାଏଲ ଲୋକେ ସମୁଦ୍ରର ବାଲି ପରି ହେଲେ ହେଁ ସେମାନଙ୍କର କେବଳ ଅବଶିଷ୍ଟାଂଶ ଫେରି ଆସିବେ; ଧାର୍ମିକତାର ବଢ଼ି ସ୍ୱରୂପ ଉଚ୍ଛିନ୍ନତା ନିରୂପିତ ହୋଇଅଛି।
\v 23 ଯେହେତୁ ପ୍ରଭୁ, ସୈନ୍ୟାଧିପତି ସଦାପ୍ରଭୁ ସମୁଦାୟ ପୃଥିବୀରେ ଉଚ୍ଛିନ୍ନତା, ନିରୂପିତ ଉଚ୍ଛିନ୍ନତା, ସିଦ୍ଧ କରିବେ।
\s5
\v 24 ଏହେତୁ ପ୍ରଭୁ, ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ହେ ସିୟୋନ ନିବାସୀ ଆମ୍ଭର ଲୋକମାନେ, ଯଦ୍ୟପି ଅଶୂର ମିସରର ରୀତି ଅନୁସାରେ ତୁମ୍ଭକୁ ଦଣ୍ଡାଘାତ କରେ ଓ ତୁମ୍ଭ ବିପରୀତରେ ଆପଣା ଯଷ୍ଟି ଉଠାଏ, ତଥାପି ତାହା ବିଷୟରେ ଭୀତ ହୁଅ ନାହିଁ।
\v 25 କାରଣ ଅତ୍ୟଳ୍ପ କାଳ ଉତ୍ତାରେ କ୍ରୋଧ ଓ ସେମାନଙ୍କ ବିନାଶରେ ଆମ୍ଭର କୋପ ସିଦ୍ଧ ହେବ।
\s5
\v 26 ପୁଣି, ସୈନ୍ୟାଧିପତି ସଦାପ୍ରଭୁ, ଓରେବ ଶୈଳରେ ମିଦୀୟନର ହତ୍ୟା କାଳରେ ଯେପରି କରିଥିଲେ, ସେହିପରି ତାହାର ପ୍ରତିକୂଳରେ ଆପଣା କୋରଡ଼ା ହଲାଇବେ; ଆଉ, ତାହାଙ୍କର ଦଣ୍ଡ ସାଗର ଉପରେ ରହିବ ଓ ମିସରର ରୀତି ଅନୁସାରେ ସେ ତାହା ଉଠାଇବେ।
\v 27 ପୁଣି, ସେହି ଦିନରେ ତାହାର ବୋଝ ତୁମ୍ଭ ସ୍କନ୍ଧରୁ ଓ ତାହାର ଯୁଆଳି ତୁମ୍ଭ ଗ୍ରୀବାରୁ ଦୂର କରାଯିବ, ପୁଣି ଅଭିଷେକ ସକାଶୁ ଯୁଆଳି ବିନଷ୍ଟ ହେବ।
\s5
\v 28 ସେ ଅୟାତକୁ ଆସିଅଛି, ସେ ମିଗ୍ରୋଣ ମଧ୍ୟ ଦେଇ ଯାଇଅଛି; ସେ ମିକ୍‍ମସରେ ଆପଣା ଦ୍ରବ୍ୟ ସାମଗ୍ରୀ ରଖୁଅଛି;
\v 29 ସେମାନେ ଘାଟି ପାର ହୋଇ ଯାଇଅଛନ୍ତି; ସେମାନେ ଗେବାରେ ବସା କରିଅଛନ୍ତି; ରାମା କମ୍ପୁଅଛି; ଶାଉଲର ଗିବୀୟା ପଳାୟନ କରିଅଛି।
\s5
\v 30 ଆଗୋ ଗଲ୍ଲୀମର କନ୍ୟେ, ତୁମ୍ଭେ ଆପଣା ରବରେ ଉଚ୍ଚ ଶବ୍ଦ କର, ହେ ଲୟିଶ୍‍, କର୍ଣ୍ଣପାତ କର, ଆଃ ଦୁଃଖିନୀ ଅନାଥୋତ୍‍,
\v 31 ମଦମେନା ପଳାତକ ହୋଇଅଛି; ଗେବୀମ ନିବାସୀମାନେ ପଳାଇବା ପାଇଁ ଏକତ୍ର ହେଉଅଛନ୍ତି।
\v 32 ସେ ଆଜି ନୋବରେ ରହିବ; ସେ ସିୟୋନ କନ୍ୟାର ପର୍ବତ ଯିରୂଶାଲମ ଗିରି ପ୍ରତି ହସ୍ତ ହଲାଉଅଛି।
\s5
\v 33 ଦେଖ, ପ୍ରଭୁ, ସୈନ୍ୟାଧିପତି ସଦାପ୍ରଭୁ ଭୟଙ୍କର ରୂପରେ ଶାଖାସବୁ କାଟି ପକାଇବେ; ପୁଣି, ଉଚ୍ଚ ଆକୃତିସବୁ ହଣା ଯିବ ଓ ଉନ୍ନତସବୁ ନତ କରାଯିବ।
\v 34 ସେ ଲୌହ ଦ୍ୱାରା ବନର ନିବିଡ଼ ସ୍ଥାନ ସବୁ କାଟି ପକାଇବେ, ପୁଣି ଏକ ମହାପରାକ୍ରମୀ ଦ୍ୱାରା ଲିବାନୋନ ନିପାତିତ ହେବ।
\s5
\c 11
\s ଶାନ୍ତି ରାଜ୍ୟ
\p
\v 1 ଏଥିଉତ୍ତାରେ ଯିଶୀର ଗଣ୍ଡିରୁ ଏକ ପଲ୍ଲବ ନିର୍ଗତ ହେବ ଓ ତାହାର ମୂଳରୁ ଏକ ଶାଖା ଉତ୍ପନ୍ନ ହୋଇ ଫଳ ଫଳିବ;
\v 2 ପୁଣି, ସଦାପ୍ରଭୁଙ୍କର ଆତ୍ମା, ଜ୍ଞାନ ଓ ବିବେଚନାର ଆତ୍ମା, ମନ୍ତ୍ରଣା ଓ ପରାକ୍ରମର ଆତ୍ମା, ବୁଦ୍ଧି ଓ ସଦାପ୍ରଭୁ ବିଷୟକ ଭୟର ଆତ୍ମା ତାହାଙ୍କଠାରେ ଅଧିଷ୍ଠାନ କରିବେ;
\s5
\v 3 ସଦାପ୍ରଭୁ ବିଷୟକ ଭୟରେ ତାହାଙ୍କର ଆମୋଦ ହେବ; ପୁଣି, ସେ ଆପଣା ଚକ୍ଷୁର ଦୃଷ୍ଟି ଅନୁସାରେ ବିଚାର କରିବେ ନାହିଁ, କିଅବା ଆପଣା କର୍ଣ୍ଣପ୍ରାନ୍ତରେ ଶ୍ରବଣାନୁସାରେ ଅନୁଯୋଗ କରିବେ ନାହିଁ,
\v 4 ମାତ୍ର ସେ ଧର୍ମରେ ଦୀନହୀନମାନଙ୍କ ବିଚାର କରିବେ ଓ ପୃଥିବୀସ୍ଥ ନମ୍ର ଲୋକମାନଙ୍କ ସକାଶେ ନ୍ୟାୟରେ ଅନୁଯୋଗ କରିବେ; ପୁଣି, ସେ ଆପଣା ମୁଖସ୍ଥିତ ଦଣ୍ଡ ଦ୍ୱାରା ପୃଥିବୀକୁ ଆଘାତ କରିବେ ଓ ଆପଣା ଓଷ୍ଠାଧରର ନିଃଶ୍ୱାସ ଦ୍ୱାରା ଦୁଷ୍ଟକୁ ସଂହାର କରିବେ।
\v 5 ଧର୍ମ ତାହାଙ୍କ କଟିଦେଶର ପଟୁକା ଓ ବିଶ୍ୱସ୍ତତା ତାହାଙ୍କ କଟିର ପଟୁକା ହେବ।
\s5
\v 6 ଆଉ, କେନ୍ଦୁଆ ବାଘ ମେଷଛୁଆ ସଙ୍ଗେ ବାସ କରିବ ଓ ଚିତାବାଘ ଛେଳିଛୁଆ ସଙ୍ଗେ ଶୟନ କରିବ; ବାଛୁରି, ଯୁବା ସିଂହ ଓ ହୃଷ୍ଟପୁଷ୍ଟ ପଶୁ ଏକତ୍ର ରହିବେ; ଆଉ, ଏକ ସାନ ପିଲା ସେମାନଙ୍କୁ ଅଡ଼ାଇବ।
\v 7 ପୁଣି, ଗାଭୀ ଓ ଭଲ୍ଲୁକୀ ଚରିବେ; ସେମାନଙ୍କର ଛୁଆସବୁ ଏକତ୍ର ଶୟନ କରିବେ; ଆଉ, ସିଂହ ବଳଦ ପରି ନଡ଼ା ଖାଇବ।
\s5
\v 8 ପୁଣି, ସ୍ତନ୍ୟପାୟୀ ଶିଶୁ କାଳସର୍ପର ଗର୍ତ୍ତ ଉପରେ ଖେଳିବ ଓ ତ୍ୟକ୍ତସ୍ତନ୍ୟ ବାଳକ କୃଷ୍ଣସର୍ପର ଗର୍ତ୍ତ ଉପରେ ହସ୍ତ ଥୋଇବ।
\v 9 ସେମାନେ ଆମ୍ଭ ପବିତ୍ର ପର୍ବତର କୌଣସି ସ୍ଥାନରେ ହିଂସା କି ବିନାଶ କରିବେ ନାହିଁ; କାରଣ ସମୁଦ୍ର ଯେପରି ଜଳରେ ଆଚ୍ଛନ୍ନ, ପୃଥିବୀ ସେହିପରି ସଦାପ୍ରଭୁ ବିଷୟକ ଜ୍ଞାନରେ ପରିପୂର୍ଣ୍ଣ ହେବ।
\s5
\v 10 ଆଉ, ସେହି ଦିନରେ ଗୋଷ୍ଠୀଗଣର ଧ୍ୱଜା ରୂପେ ସ୍ଥାପିତ ଯେ ଯିଶୀର ମୂଳ, ନାନା ଦେଶୀୟମାନେ ତାହାଙ୍କର ଅନ୍ଵେଷଣ କରିବେ; ଆଉ, ତାହାଙ୍କର ବିଶ୍ରାମ ସ୍ଥାନ ଗୌରବାନ୍ୱିତ ହେବ।
\v 11 ଆହୁରି, ସେହି ଦିନରେ ପ୍ରଭୁ ଆପଣା ଲୋକମାନଙ୍କର ଅବଶିଷ୍ଟାଂଶକୁ ଅଶୂରରୁ, ମିସରରୁ ଓ ପଥ୍ରୋଷରୁ, କୂଶରୁ, ଏଲମ୍‍, ଶିନୀୟରରୁ ଓ ହମାତରୁ ଓ ସମୁଦ୍ରର ଦ୍ୱୀପସମୂହରୁ ମୁକ୍ତ କରି ଆଣିବା ନିମନ୍ତେ ପୁନର୍ବାର ଦ୍ୱିତୀୟ ଥର ଆପଣା ହସ୍ତ ସ୍ଥାପନ କରିବେ।
\s5
\v 12 ପୁଣି, ସେ ଗୋଷ୍ଠୀବର୍ଗ ନିମନ୍ତେ ଗୋଟିଏ ଧ୍ୱଜା ଉଠାଇବେ ଓ ପୃଥିବୀର ଚତୁଷ୍କୋଣରୁ ଇସ୍ରାଏଲର ତାଡ଼ିତ ଲୋକମାନଙ୍କୁ ଏକତ୍ର କରିବେ ଓ ଯିହୁଦାର ଛିନ୍ନଭିନ୍ନ ଲୋକମାନଙ୍କୁ ସଂଗ୍ରହ କରିବେ।
\v 13 ଆହୁରି, ଇଫ୍ରୟିମର ଈର୍ଷା ଦୂର ହେବ ଓ ଯିହୁଦାକୁ କ୍ଲେଶ ଦେବା ଲୋକମାନେ ଉଚ୍ଛିନ୍ନ ହେବେ; ଇଫ୍ରୟିମ ଯିହୁଦାକୁ ଈର୍ଷା କରିବ ନାହିଁ ଓ ଯିହୁଦା ଇଫ୍ରୟିମକୁ କ୍ଲେଶ ଦେବ ନାହିଁ।
\s5
\v 14 ପୁଣି, ସେମାନେ ପଶ୍ଚିମ ଦିଗରେ ପଲେଷ୍ଟୀୟମାନଙ୍କ ସ୍କନ୍ଧ ଉପରେ ଝାମ୍ପ ମାରିବେ; ସେମାନେ ଏକତ୍ର ହୋଇ ପୂର୍ବଦେଶୀୟ ସନ୍ତାନଗଣର ଦ୍ରବ୍ୟ ଲୁଟିତ କରିବେ; ସେମାନେ ଇଦୋମ ଓ ମୋୟାବ ଉପରେ ହସ୍ତକ୍ଷେପ କରିବେ ଓ ଅମ୍ମୋନର ଲୋକମାନେ ସେମାନଙ୍କର ଆଜ୍ଞାବହ ହେବେ।
\v 15 ପୁଣି, ସଦାପ୍ରଭୁ ମିସ୍ରୀୟ ସମୁଦ୍ରର ଜିହ୍ୱା ସମ୍ପୂର୍ଣ୍ଣ ରୂପେ ବିନାଶ କରିବେ ଓ ଆପଣାର ଉତ୍ତପ୍ତ ବାୟୁ ଦ୍ୱାରା ନଦୀ ଉପରେ ଆପଣା ହସ୍ତ ହଲାଇବେ, ଆଉ ତାହାକୁ ପ୍ରହାର କରି ସପ୍ତସ୍ରୋତ କରିବେ ଓ ଲୋକମାନଙ୍କୁ ଶୁଷ୍କ ପଦରେ ତହିଁ ମଧ୍ୟ ଦେଇ ଗମନ କରାଇବେ।
\s5
\v 16 ପୁଣି, ଇସ୍ରାଏଲ ମିସର ଦେଶରୁ ବାହାର ହୋଇ ଆସିବା ବେଳେ ଯେପରି ତାହା ନିମନ୍ତେ ହୋଇଥିଲା, ସେହିପରି ତାହାଙ୍କ ଲୋକମାନଙ୍କ ଅବଶିଷ୍ଟାଂଶ ନିମନ୍ତେ, ଅର୍ଥାତ୍‍, ଅଶୂର ଦେଶରୁ ଅବଶିଷ୍ଟାଂଶ ଲୋକମାନଙ୍କ ନିମନ୍ତେ ଏକ ରାଜପଥ ହେବ।
\s5
\c 12
\s ଧନ୍ୟବାଦର ଗୀତ
\p
\v 1 ସେହି ଦିନରେ ତୁମ୍ଭେ କହିବ, “ହେ ସଦାପ୍ରଭୁ, ମୁଁ ତୁମ୍ଭର ଧନ୍ୟବାଦ କରିବି; କାରଣ ତୁମ୍ଭେ ଆମ୍ଭ ପ୍ରତି କ୍ରୁଦ୍ଧ ଥିଲ, ତୁମ୍ଭର କ୍ରୋଧ ନିବୃତ୍ତ ହୋଇଅଛି ଓ ତୁମ୍ଭେ ଆମ୍ଭକୁ ସାନ୍ତ୍ୱନା କରୁଅଛ।
\v 2 ଦେଖ, ପରମେଶ୍ୱର ଆମ୍ଭର ପରିତ୍ରାଣ; ଆମ୍ଭେ ବିଶ୍ୱାସ କରିବା ଓ ଭୀତ ହେବା ନାହିଁ; କାରଣ ଯିହୋବା ସଦାପ୍ରଭୁ ଆମ୍ଭର ବଳ ଓ ଗାନ; ପୁଣି, ସେ ଆମ୍ଭର ପରିତ୍ରାଣ ହୋଇଅଛନ୍ତି।”
\s5
\v 3 ଏହେତୁ ତୁମ୍ଭେମାନେ ଆନନ୍ଦରେ ପରିତ୍ରାଣର କୂପସମୂହରୁ ଜଳ କାଢ଼ିବ।
\v 4 ପୁଣି, ସେହି ଦିନରେ ତୁମ୍ଭେମାନେ କହିବ, “ସଦାପ୍ରଭୁଙ୍କର ଧନ୍ୟବାଦ କର, ତାହାଙ୍କ ନାମରେ ପ୍ରାର୍ଥନା କର, ଗୋଷ୍ଠୀୟମାନଙ୍କ ମଧ୍ୟରେ ତାହାଙ୍କର କ୍ରିୟାସକଳ ପ୍ରଚାର କର, ତାହାଙ୍କର ନାମ ଉନ୍ନତ ବୋଲି ବ୍ୟକ୍ତ କର।
\s5
\v 5 ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କର; କାରଣ ସେ ମହିମାଯୁକ୍ତ କର୍ମ କରିଅଛନ୍ତି; ତାହା ସମୁଦାୟ ପୃଥିବୀର ଜ୍ଞାତ ହେଉ।
\v 6 ହେ ସିୟୋନ ନିବାସିନୀ, ତୁମ୍ଭେ ଉଚ୍ଚ ସ୍ୱର କରି ଆନନ୍ଦଧ୍ୱନି କର; କାରଣ ଯେ ଇସ୍ରାଏଲର ଧର୍ମସ୍ୱରୂପ, ସେ ତୁମ୍ଭ ମଧ୍ୟରେ ମହାନ ଅଟନ୍ତି।”
\s5
\c 13
\s ବାବିଲର ଦଣ୍ଡ
\p
\v 1 ବାବିଲ ବିଷୟକ ବାର୍ତ୍ତା, ଆମୋସର ପୁତ୍ର ଯିଶାଇୟ ଏହି ଦର୍ଶନ ପାଇଲେ।
\v 2 ତୁମ୍ଭେମାନେ ବୃକ୍ଷଶୂନ୍ୟ ପର୍ବତ ଉପରେ ଧ୍ୱଜା ଟେକ, ଲୋକମାନଙ୍କ ପ୍ରତି ରବ ଉଠାଅ, ହସ୍ତ ହଲାଅ, ସେମାନେ ଅଧିପତିମାନଙ୍କର ନଗର ଦ୍ୱାରରେ ପ୍ରବେଶ କରନ୍ତୁ।
\v 3 ଆମ୍ଭେ ଆପଣା ପବିତ୍ର ଲୋକମାନଙ୍କୁ ଆଦେଶ କରିଅଛୁ, ହଁ, ଆମ୍ଭେ ଆପଣା କ୍ରୋଧ ସଫଳାର୍ଥେ ଆମ୍ଭର ବୀରମାନଙ୍କୁ, ଅର୍ଥାତ୍‍, ଆମ୍ଭର ଦର୍ପିତ ଉଲ୍ଲାସକାରୀଗଣଙ୍କୁ ଆହ୍ୱାନ କରିଅଛୁ।
\s5
\v 4 ପର୍ବତମାନରେ ମହାଜନତାର ନ୍ୟାୟ ଲୋକସମୂହର ରବ ହେଉଅଛି ! ଏକତ୍ରୀକୃତ ଗୋଷ୍ଠୀୟମାନଙ୍କ ରାଜ୍ୟସମୂହର କଳରବ ହେଉଅଛି ! ସୈନ୍ୟାଧିପତି ସଦାପ୍ରଭୁ ଯୁଦ୍ଧାର୍ଥେ ସେନା ସଂଗ୍ରହ କରୁଅଛନ୍ତି।
\v 5 ସେମାନେ, ଅର୍ଥାତ୍‍, ସଦାପ୍ରଭୁ ଓ ତାହାଙ୍କ କ୍ରୋଧରୂପ ଅସ୍ତ୍ରସବୁ ସମୁଦାୟ ଦେଶ ଉଚ୍ଛିନ୍ନ କରିବା ନିମନ୍ତେ ଦୂର ଦେଶରୁ, ଆକାଶମଣ୍ଡଳର ପ୍ରାନ୍ତ ଭାଗରୁ ଆସୁଅଛନ୍ତି।
\s5
\v 6 ତୁମ୍ଭେମାନେ ହାହାକାର କର; କାରଣ ସଦାପ୍ରଭୁଙ୍କର ଦିନ ନିକଟବର୍ତ୍ତୀ; ସର୍ବଶକ୍ତିମାନଙ୍କ ନିକଟରୁ ପ୍ରଳୟର ନ୍ୟାୟ ତାହା ଆସିବ।
\v 7 ଏହେତୁ ସକଳ ହସ୍ତ ଦୁର୍ବଳ ହେବ ଓ ପ୍ରତ୍ୟେକ ମାନବ ହୃଦୟ ତରଳି ଯିବ;
\v 8 ପୁଣି, ସେମାନେ ଭୟଭୀତ ହେବେ; ଯନ୍ତ୍ରଣା ଓ ବେଦନା ସେମାନଙ୍କୁ ଆକ୍ରାନ୍ତ କରିବ; ସେମାନେ ପ୍ରସବକାରିଣୀ ସ୍ତ୍ରୀ ତୁଲ୍ୟ ବେଦନାଗ୍ରସ୍ତ ହେବେ; ସେମାନେ ପରସ୍ପରର ବିଷୟରେ ଚମତ୍କୃତ ହେବେ; ସେମାନଙ୍କର ମୁଖ ଅଗ୍ନିଶିଖା ତୁଲ୍ୟ ହେବ।
\s5
\v 9 ଦେଖ, ଦେଶ ଧ୍ୱଂସ କରିବାକୁ ଓ ତହିଁ ମଧ୍ୟରୁ ପାପୀମାନଙ୍କୁ ବିନାଶ କରିବାକୁ ସଦାପ୍ରଭୁଙ୍କର ଦିନ ଭୟଙ୍କର; କ୍ରୋଧ ଓ ପ୍ରଚଣ୍ଡ କ୍ରୋଧ ସଂଯୁକ୍ତ ହୋଇ ଆସୁଅଛି।
\v 10 କାରଣ ଆକାଶମଣ୍ଡଳର ତାରାଗଣ ଓ ତହିଁର ନକ୍ଷତ୍ରଗଣ ଦୀପ୍ତି ଦେବେ ନାହିଁ; ସୂର୍ଯ୍ୟ ଆପଣା ଉଦୟ ସମୟରେ ଅନ୍ଧାରଗ୍ରସ୍ତ ହେବ ଓ ଚନ୍ଦ୍ର ଆପଣା ଜ୍ୟୋତ୍ସ୍ନା ପ୍ରକାଶ କରିବ ନାହିଁ।
\s5
\v 11 ପୁଣି, ଆମ୍ଭେ ଜଗତକୁ ଦୁଷ୍ଟତା ସକାଶେ ଓ ଦୁଷ୍ଟମାନଙ୍କୁ ସେମାନଙ୍କ ଅଧର୍ମ ସକାଶେ ଶାସ୍ତି ଦେବା ଓ ଆମ୍ଭେ ଅହଙ୍କାରୀମାନଙ୍କର ଦର୍ପ ନିବୃତ୍ତ କରାଇବା ଓ ଭୟଙ୍କର ଲୋକର ଗର୍ବ ଖର୍ବ କରିବା।
\v 12 ଆମ୍ଭେ ଉତ୍ତମ ସୁବର୍ଣ୍ଣ ଅପେକ୍ଷା ମର୍ତ୍ତ୍ୟକୁ ଓ ଓଫୀରର ଶୁଦ୍ଧ ସୁବର୍ଣ୍ଣ ଅପେକ୍ଷା ମନୁଷ୍ୟକୁ ଅଳ୍ପ କରିବା।
\s5
\v 13 ଏହେତୁ ଆମ୍ଭେ ଆକାଶମଣ୍ଡଳକୁ କମ୍ପାନ୍ୱିତ କରିବା, ଆଉ ସୈନ୍ୟାଧିପତି ସଦାପ୍ରଭୁଙ୍କ କୋପରେ ଓ ତାହାଙ୍କ ପ୍ରଚଣ୍ଡ କ୍ରୋଧର ଦିନରେ ପୃଥିବୀ ଟଳି ସ୍ୱସ୍ଥାନ ଚ୍ୟୁତ ହେବ।
\v 14 ତହିଁରେ ଏପରି ଘଟିବ ଯେ, ତାଡ଼ିତ ହରିଣର ନ୍ୟାୟ ଓ ଅରକ୍ଷକ ମେଷ ତୁଲ୍ୟ ଲୋକମାନେ ପ୍ରତ୍ୟେକେ ଆପଣା ଆପଣା ଗୋଷ୍ଠୀ ପ୍ରତି ଫେରିବେ ଓ ପ୍ରତ୍ୟେକେ ଆପଣା ଆପଣା ଦେଶ ଆଡ଼କୁ ପଳାୟନ କରିବେ।
\s5
\v 15 ଯେ କୌଣସି ଲୋକର ଉଦ୍ଦେଶ୍ୟ ମିଳିବ, ତାହାକୁ ଅସ୍ତ୍ରବିଦ୍ଧ ହେବ ଓ ଯେ କୌଣସି ଲୋକକୁ ଧରା ଯିବ, ସେ ଖଡ୍ଗରେ ପତିତ ହେବ।
\v 16 ସେମାନଙ୍କର ଶିଶୁଗଣ ମଧ୍ୟ ସେମାନଙ୍କ ଦୃଷ୍ଟିଗୋଚରରେ କଚଡ଼ା ଯିବେ; ସେମାନଙ୍କର ଗୃହ ଲୁଟିତ ହେବ ଓ ସେମାନଙ୍କର ଭାର୍ଯ୍ୟାମାନେ ବଳାତ୍କାରରେ ଭ୍ରଷ୍ଟ କରାଯିବେ।
\s5
\v 17 ଦେଖ, ଆମ୍ଭେ ସେମାନଙ୍କ ପ୍ରତିକୂଳରେ ମାଦୀୟମାନଙ୍କୁ ଉତ୍ତେଜିତ କରିବା, ସେମାନେ ରୂପାକୁ ଅନାଇବେ ନାହିଁ ଓ ସୁନାରେ ସେମାନେ ତୁଷ୍ଟ ହେବେ ନାହିଁ।
\v 18 ସେମାନଙ୍କର ଧନୁ ଯୁବକମାନଙ୍କୁ କଚାଡ଼ି ପକାଇବ ଓ ସେମାନେ ଗର୍ଭର ଫଳ ପ୍ରତି କିଛି ଦୟା କରିବେ ନାହିଁ, ବାଳକଗଣ ପ୍ରତି ସେମାନଙ୍କର କୃପାଦୃଷ୍ଟି ହେବ ନାହିଁ।
\s5
\v 19 ପୁଣି, ରାଜ୍ୟସମୂହର ଗୌରବ ସ୍ୱରୂପ ଓ କଲ୍‍ଦୀୟମାନଙ୍କ ଦର୍ପର ଲାବଣ୍ୟ ସ୍ୱରୂପ ଯେ ବାବିଲ, ତାହା ପରମେଶ୍ୱରଙ୍କ ଦ୍ୱାରା ଉତ୍ପାଟିତ ସଦୋମ ଓ ହମୋରାର ତୁଲ୍ୟ ହେବ।
\v 20 ତାହା କଦାଚ ବସତି ସ୍ଥାନ ହେବ ନାହିଁ, ପୁରୁଷ ପୁରୁଷାନୁକ୍ରମେ କେହି ତହିଁରେ ବାସ କରିବେ ନାହିଁ; ଆରବୀୟ ଲୋକେ ସେଠାରେ ତମ୍ବୁ ପକାଇବେ ନାହିଁ, କିଅବା ମେଷପାଳକମାନେ ଆପଣା ଆପଣା ପଲ ସେଠାରେ ଶୁଆଇବେ ନାହିଁ।
\s5
\v 21 ମାତ୍ର ବନ୍ୟ ପଶୁମାନେ ସେହି ସ୍ଥାନରେ ଶୟନ କରିବେ ଓ ସେମାନଙ୍କର ଗୃହ ଚିତ୍କାରକାରୀ ଜନ୍ତୁରେ ପରିପୂର୍ଣ୍ଣ ହେବ; ଓଟପକ୍ଷୀ ସେଠାରେ ବାସ କରିବେ ଓ ଛାଗମାନେ ସେଠାରେ ନୃତ୍ୟ କରିବେ।
\v 22 ପୁଣି, କେନ୍ଦୁଆମାନେ ସେମାନଙ୍କ ଅଟ୍ଟାଳିକାରେ ଓ ଶୃଗାଳମାନେ ସେମାନଙ୍କ ମନୋରମ ପ୍ରାସାଦରେ ବୋବାଇବେ; ତାହାର କାଳ ନିକଟବର୍ତ୍ତୀ ଓ ତାହାର ଦିନସବୁ ଦୀର୍ଘ ହେବ ନାହିଁ।
\s5
\c 14
\s ନିର୍ବାସନରୁ ପ୍ରତ୍ୟାବର୍ତ୍ତନ
\p
\v 1 କାରଣ ସଦାପ୍ରଭୁ ଯାକୁବ ପ୍ରତି ଦୟା କରିବେ, ପୁଣି, ଇସ୍ରାଏଲକୁ ପୁନର୍ବାର ମନୋନୀତ କରିବେ ଓ ସେମାନଙ୍କୁ ସେମାନଙ୍କ ଦେଶରେ ସ୍ଥାପନ କରିବେ, ତହିଁରେ ବିଦେଶୀ ଲୋକ ସେମାନଙ୍କ ସଙ୍ଗେ ସଂଯୁକ୍ତ ହେବ, ସେମାନେ ଯାକୁବ ବଂଶ ପ୍ରତି ଆସକ୍ତ ହେବେ।
\v 2 ପୁଣି, ନାନା ଗୋଷ୍ଠୀୟ ଲୋକମାନେ ସେମାନଙ୍କୁ ନେଇ ସେମାନଙ୍କ ନିଜ ସ୍ଥାନରେ ପହଞ୍ଚାଇ ଦେବେ; ଆଉ, ଇସ୍ରାଏଲ ବଂଶ ସଦାପ୍ରଭୁଙ୍କ ଦେଶରେ ସେମାନଙ୍କୁ ଦାସଦାସୀ ରୂପେ ଅଧିକାର କରିବେ; ପୁଣି, ସେମାନେ ଯେଉଁମାନଙ୍କର ବନ୍ଦୀ ହୋଇଥିଲେ, ସେମାନଙ୍କୁ ବନ୍ଦୀ କରି ନେବେ ଓ ସେମାନେ ଆପଣା ଉପଦ୍ରବକାରୀମାନଙ୍କ ଉପରେ କର୍ତ୍ତୃତ୍ୱ କରିବେ।
\s ବାବିଲ ରାଜା ପ୍ରତି ଇସ୍ରାଏଲର ବିଦ୍ରୂପ
\p
\s5
\v 3 ପୁଣି, ଯେଉଁ ଦିନ ସଦାପ୍ରଭୁ ତୁମ୍ଭକୁ ତୁମ୍ଭର ଦୁଃଖ ଓ କ୍ଲେଶରୁ ଓ ଯେଉଁ କଠୋର ଦାସତ୍ୱରେ ତୁମ୍ଭକୁ ଦାସ୍ୟ କର୍ମ କରିବାକୁ ହେଲା, ତହିଁରୁ ବିଶ୍ରାମ ଦେବେ,
\v 4 ସେହି ଦିନ ତୁମ୍ଭେ ବାବିଲ ରାଜ ବିରୁଦ୍ଧରେ ଏହି ଦୃଷ୍ଟାନ୍ତ କଥା ନେଇ କହିବ, ଯଥା, ଉପଦ୍ରବକାରୀ କିପରି ଶେଷ ହୋଇଅଛି ! ସୁବର୍ଣ୍ଣ ନଗରୀ କିପରି ଶେଷ ହୋଇଅଛି !
\s5
\v 5 ଯେଉଁମାନେ କୋପରେ ନାନା ଗୋଷ୍ଠୀକୁ ଅନବରତ ଆଘାତ କଲେ ଓ ନାନା ଦେଶୀୟ ଲୋକଙ୍କୁ କ୍ରୋଧରେ ଶାସନ କରି ଅନିବାରିତ ରୂପେ ତାଡ଼ନା କଲେ,
\v 6 ସଦାପ୍ରଭୁ ସେହି ଦୁଷ୍ଟମାନଙ୍କର ଯଷ୍ଟି ଓ ଶାସନକର୍ତ୍ତାମାନଙ୍କ ରାଜଦଣ୍ଡ ଭାଙ୍ଗି ପକାଇ ଅଛନ୍ତି।
\s5
\v 7 ସମୁଦାୟ ପୃଥିବୀ ଶାନ୍ତ ଓ ସୁସ୍ଥିର ହୋଇଅଛି; ସେମାନେ ଆନନ୍ଦରେ ଗାନ କରୁଅଛନ୍ତି।
\v 8 ହଁ, ଦେବଦାରୁ ଓ ଲିବାନୋନର ଏରସ ବୃକ୍ଷସକଳ ତୁମ୍ଭ ବିଷୟରେ ଆନନ୍ଦ କରି କହନ୍ତି, ତୁମ୍ଭେ ଭୂମିସାତ୍‍ ହେବାଠାରୁ କୌଣସି ଛେଦନକର୍ତ୍ତା ଆମ୍ଭମାନଙ୍କ ପ୍ରତିକୂଳରେ ଆସି ନାହିଁ।
\v 9 ତୁମ୍ଭ ଆଗମନ ସମୟରେ ତୁମ୍ଭ ସଙ୍ଗେ ସାକ୍ଷାତ କରିବା ପାଇଁ ଅଧଃସ୍ଥ ପାତାଳ ଚାଳିତ ହୁଏ; ତାହା ତୁମ୍ଭ ନିମନ୍ତେ ମୃତମାନଙ୍କୁ, ପୃଥିବୀର ପ୍ରଧାନମାନଙ୍କୁ ହିଁ ଜଗାଏ; ତାହା ଗୋଷ୍ଠୀବର୍ଗର ରାଜାସକଳକୁ ସେମାନଙ୍କ ସିଂହାସନରୁ ଉଠାଇଅଛି।
\s5
\v 10 ସେମାନେ ସମସ୍ତେ ଉତ୍ତର ଦେଇ ତୁମ୍ଭକୁ କହିବେ, ତୁମ୍ଭେ ମଧ୍ୟ କ’ଣ ଆମ୍ଭମାନଙ୍କ ପରି କ୍ଷୀଣବଳ ହେଲ ? ତୁମ୍ଭେ କ’ଣ ଆମ୍ଭମାନଙ୍କର ସମାନ ହେଲ ?
\v 11 ତୁମ୍ଭର ଐଶ୍ୱର୍ଯ୍ୟ ଓ ତୁମ୍ଭ ନେବଲ ଯନ୍ତ୍ରର ସ୍ୱର ପାତାଳ ପର୍ଯ୍ୟନ୍ତ ଅବରୋହିତ ହୋଇଅଛି; କୀଟ ତୁମ୍ଭ ତଳେ ପ୍ରସାରିତ (ବିଛଣା) ଓ କୃମି ତୁମ୍ଭର ଆଚ୍ଛାଦନ ହୋଇଅଛି।
\s5
\v 12 ହେ ପ୍ରଭାତୀ ତାରା, ପ୍ରତ୍ୟୁଷର ପୁତ୍ର ! ତୁମ୍ଭେ କିପରି ସ୍ୱର୍ଗରୁ ପତିତ ହେଲ ! ଗୋଷ୍ଠୀଗଣକୁ ତୁମ୍ଭେ ଯେ ନତ କରିଥିଲ, ତୁମ୍ଭେ କିପରି ଭୂମିରେ ନିକ୍ଷିପ୍ତ ହେଲ !
\v 13 ପୁଣି, ତୁମ୍ଭେ ମନେ ମନେ କହିଥିଲ, ଆମ୍ଭେ ସ୍ୱର୍ଗାରୋହଣ କରିବା, ଆମ୍ଭେ ପରମେଶ୍ୱରଙ୍କ ନକ୍ଷତ୍ରଗଣର ଉର୍ଦ୍ଧ୍ୱରେ ଆପଣା ସିଂହାସନ ଉଚ୍ଚୀକୃତ କରିବା; ଆମ୍ଭେ ଉତ୍ତର ଦିଗର ପ୍ରାନ୍ତସ୍ଥିତ ସମାଗମ ପର୍ବତରେ ଉପବିଷ୍ଟ ହେବା;
\v 14 ଆମ୍ଭେ ମେଘମାଳର ଉଚ୍ଚସ୍ଥଳୀର ଉର୍ଦ୍ଧ୍ୱକୁ ଆରୋହଣ କରିବା; ଆମ୍ଭେ ସର୍ବୋପରିସ୍ଥଙ୍କର ତୁଲ୍ୟ ହେବା।
\s5
\v 15 ମାତ୍ର ତୁମ୍ଭେ ପାତାଳକୁ, ଗର୍ତ୍ତର ପ୍ରାନ୍ତ ସୀମାକୁ ଅବରୋହିତ ହେବ।
\v 16 ଯେଉଁମାନେ ତୁମ୍ଭକୁ ଦେଖନ୍ତି, ସେମାନେ ସୂକ୍ଷ୍ମ ରୂପେ ନିରୀକ୍ଷଣ କରି ତୁମ୍ଭ ବିଷୟ ବିବେଚନା କରି କହିବେ, ଯେ ପୃଥିବୀକୁ କମ୍ପାନ୍ୱିତ କଲା, ଯେ ରାଜ୍ୟସମୂହକୁ ଥରହର କରାଇଲା;
\v 17 ଯେ ଜଗତକୁ ଅରଣ୍ୟ ତୁଲ୍ୟ କଲା ଓ ତହିଁର ନଗରସମୂହକୁ ଉତ୍ପାଟନ କଲା; ଯେ ଆପଣା ବନ୍ଦୀଗଣକୁ ସେମାନଙ୍କ ଗୃହକୁ ଯିବାକୁ ଛାଡ଼ିଲା ନାହିଁ, ସେ କି ଏହି ପୁରୁଷ ?
\s5
\v 18 ଗୋଷ୍ଠୀବର୍ଗର ରାଜାଗଣ, ସେମାନଙ୍କର ସମସ୍ତେ ହିଁ, ସମ୍ଭ୍ରମରେ ଆପଣା ଆପଣା ଗୃହରେ ଶୟନ କରୁଅଛନ୍ତି।
\v 19 ମାତ୍ର ତୁମ୍ଭେ ଘୃଣିତ ଶାଖା ତୁଲ୍ୟ, ଖଡ୍ଗବିଦ୍ଧ ଓ ଗର୍ତ୍ତର ପ୍ରସ୍ତର ମଧ୍ୟରେ ନିକ୍ଷିପ୍ତ ହତ ଲୋକ ଦ୍ୱାରା ଆଚ୍ଛାଦିତ ହୋଇ, ଆପଣା କବରଠାରୁ ଦୂରରେ ନିକ୍ଷିପ୍ତ ହୋଇଅଛ; ତୁମ୍ଭେ ପଦଦଳିତ ଶବ ତୁଲ୍ୟ ହୋଇଅଛ।
\v 20 ତୁମ୍ଭେ ସେମାନଙ୍କ ସଙ୍ଗେ କବରସ୍ଥ ହେବ ନାହିଁ, କାରଣ ତୁମ୍ଭେ ଆପଣା ଦେଶ ଉଚ୍ଛିନ୍ନ କରିଅଛ, ତୁମ୍ଭେ ଆପଣା ଲୋକମାନଙ୍କୁ ବଧ କରିଅଛ, କୁକ୍ରିୟାକାରୀମାନଙ୍କ ବଂଶର ନାମ ଅନନ୍ତ କାଳ ଉଲ୍ଲିଖିତ ହେବ ନାହିଁ।
\s5
\v 21 ତାହାର ସନ୍ତାନଗଣ ଉଠି ଯେପରି ପୃଥିବୀ ଅଧିକାର ନ କରନ୍ତି ଓ ଜଗତକୁ ନଗରରେ ପରିପୂର୍ଣ୍ଣ ନ କରନ୍ତି, ଏଥିପାଇଁ ତୁମ୍ଭେମାନେ ସେମାନଙ୍କ ପୂର୍ବପୁରୁଷଗଣର ଅପରାଧ ସକାଶୁ ସେମାନଙ୍କ ପାଇଁ ହତ୍ୟାସ୍ଥାନ ପ୍ରସ୍ତୁତ କର।
\v 22 ପୁଣି, ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, “ଆମ୍ଭେ ସେମାନଙ୍କ ବିରୁଦ୍ଧରେ ଉଠିବା,” ସଦାପ୍ରଭୁ କହନ୍ତି, “ଆମ୍ଭେ ବାବିଲରୁ ନାମ ଓ ଅବଶିଷ୍ଟାଂଶ, ପୁତ୍ର ଓ ପୌତ୍ର, ଉଚ୍ଛିନ୍ନ କରିବା,”
\v 23 ଆହୁରି, ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, “ଆମ୍ଭେ ସେହି ନଗରକୁ ଝିଙ୍କ ପକ୍ଷୀର ଅଧିକାର ଓ ଜଳାଶୟ କରିବା ଓ ଆମ୍ଭେ ସଂହାରରୂପ ଝାଡ଼ୁ ଦ୍ୱାରା ତାହାକୁ ଝାଡ଼ି ପକାଇବା।”
\s ଅଶୂର ପ୍ରତି ଭାବବାଣୀ
\p
\s5
\v 24 ସୈନ୍ୟାଧିପତି ସଦାପ୍ରଭୁ ଶପଥ କରି କହିଅଛନ୍ତି, “ଆମ୍ଭେ ଯାହା ଭାବିଅଛୁ, ନିଶ୍ଚୟ ତଦ୍ରୂପ ଘଟିବ ଓ ଆମ୍ଭେ ଯେପରି ମନ୍ତ୍ରଣା କରିଅଛୁ, ସେହିପରି ସ୍ଥିର ହେବ;
\v 25 ଆମ୍ଭେ ଆପଣା ଦେଶରେ ଅଶୂରୀୟକୁ ଭଗ୍ନ କରିବା ଓ ଆପଣା ପର୍ବତ ଉପରେ ତାହାକୁ ପଦ ତଳେ ଦଳିତ କରିବା; ତେବେ ଲୋକମାନଙ୍କଠାରୁ ତାହାର ଯୁଆଳି ଓ ସେମାନଙ୍କ ସ୍କନ୍ଧରୁ ତାହାର ଭାର ଦୂରୀକୃତ ହେବ।”
\s5
\v 26 ସମୁଦାୟ ପୃଥିବୀ ବିଷୟରେ ଏହି ମନ୍ତ୍ରଣା ସ୍ଥିର ହୋଇଅଛି ଓ ଏହି ହସ୍ତ ସମସ୍ତ ଗୋଷ୍ଠୀ ଉପରେ ବିସ୍ତୀର୍ଣ୍ଣ ହୋଇଅଛି।
\v 27 କାରଣ ସୈନ୍ୟାଧିପତି ସଦାପ୍ରଭୁ ମନ୍ତ୍ରଣା କରିଅଛନ୍ତି, ଆଉ ତାହା କିଏ ଅନ୍ୟଥା କରିବ ? ଓ ତାହାଙ୍କର ହସ୍ତ ବିସ୍ତାରିତ ହୋଇଅଛି, ଆଉ କିଏ ତାହା ଫେରାଇବ ?
\s ପଲେଷ୍ଟୀୟ ପ୍ରତି ଭାବବାଣୀ
\p
\s5
\v 28 ଯେଉଁ ବର୍ଷରେ ଆହସ୍‌ ରାଜାଙ୍କର ମୃତ୍ୟୁୁ ହେଲା, ସେହି ବର୍ଷର ଏହି ଭାବବାଣୀ।
\v 29 ହେ ପଲେଷ୍ଟୀୟେ, ଯେଉଁ ଦଣ୍ଡ ତୁମ୍ଭକୁ ପ୍ରହାର କଲା, ତାହା ଭଗ୍ନ ହୋଇଅଛି ବୋଲି ତୁମ୍ଭେ ସମସ୍ତେ ଆନନ୍ଦ କର ନାହିଁ; କାରଣ ସର୍ପର ମୂଳରୁ କାଳସର୍ପ ଉତ୍ପନ୍ନ ହେବ ଓ ଅଗ୍ନିମୟ ଉଡ଼ନ୍ତା ସର୍ପ ତାହାର ଫଳ ହେବ।
\v 30 ପୁଣି, ଦରିଦ୍ରର ପ୍ରଥମଜାତ ସନ୍ତାନ ଭୋଜନ କରିବ ଓ ଦୀନହୀନମାନେ ନିରାପଦରେ ଶୟନ କରିବେ; ପୁଣି, ଆମ୍ଭେ ଦୁର୍ଭିକ୍ଷ ଦ୍ୱାରା ତୁମ୍ଭର ମୂଳ ନଷ୍ଟ କରିବା ଓ ତୁମ୍ଭର ଅବଶିଷ୍ଟାଂଶ ସଂହାରିତ ହେବ।
\s5
\v 31 ହେ ନଗର ଦ୍ୱାର, ହାହାକାର କର; ହେ ନଗର, କ୍ରନ୍ଦନ କର; ହେ ପଲେଷ୍ଟୀୟେ, ତୁମ୍ଭର ସମୁଦାୟ ତରଳି ଯାଇଅଛି; କାରଣ ଉତ୍ତର ଦିଗରୁ ଧୂମ ଆସୁଅଛି ଓ କେହି ଆପଣା ନିରୂପିତ ସମୟରେ ଦୂରରେ ଠିଆ ହେଉ ନାହିଁ।
\v 32 ଆଉ, ଏହି ଗୋଷ୍ଠୀର ଦୂତଗଣକୁ କି ଉତ୍ତର ଦିଆଯିବ ? ଏହି ଯେ, ସଦାପ୍ରଭୁ ସିୟୋନର ଭିତ୍ତିମୂଳ ସ୍ଥାପନ କରିଅଛନ୍ତି ଓ ତହିଁ ମଧ୍ୟରେ ତାହାଙ୍କର ଦୁଃଖଗ୍ରସ୍ତ ଲୋକମାନେ ଆଶ୍ରୟ ନିଅନ୍ତି।
\s5
\c 15
\s ମୋୟାବ ପ୍ରତି ଭାବବାଣୀ
\p
\v 1 ମୋୟାବ ବିଷୟକ ଭବିଷ୍ୟତ ବାଣୀ। ମୋୟାବର ଆର ନଗର ଏକ ରାତ୍ରି ମଧ୍ୟରେ ଉଚ୍ଛିନ୍ନ ଓ ଧ୍ୱଂସିତ ହେଲା; ଏକ ରାତ୍ରି ମଧ୍ୟରେ ମୋୟାବର କୀର୍‍ ନଗର ଉଚ୍ଛିନ୍ନ ଓ ଧ୍ୱଂସିତ ହେଲା।
\v 2 ସେ ରୋଦନ କରିବା ପାଇଁ ବୈଥତ୍‍କୁ ଓ ଦୀବୋନ୍‍କୁ, ଉଚ୍ଚସ୍ଥଳୀକୁ ଯାଇଅଛି; ନବୋ ଓ ମେଦବାର ବିଷୟରେ ମୋୟାବ ହାହାକାର କରୁଅଛି; ସେହି ସମସ୍ତଙ୍କର ମସ୍ତକ ମୁଣ୍ଡନ ହୋଇଅଛି, ପ୍ରତ୍ୟେକର ଦାଢ଼ି କଟା ହୋଇଅଛି।
\s5
\v 3 ସେମାନଙ୍କର ସବୁ ସଡ଼କରେ ଲୋକମାନେ ଚଟବସ୍ତ୍ର ପିନ୍ଧୁଅଛନ୍ତି; ଆପଣା ଆପଣା ଗୃହର ଛାତ ଉପରେ ଓ ଛକ ସ୍ଥାନମାନଙ୍କରେ ପ୍ରତ୍ୟେକ ଲୋକ ଅତିଶୟ ରୋଦନ କରି ହାହାକାର କରୁଅଛନ୍ତି।
\v 4 ହିଷ୍‍ବୋନ ଓ ଇଲୀୟାଲୀ କ୍ରନ୍ଦନ କରୁଅଛନ୍ତି; ସେମାନଙ୍କର ରବ ଯହସ୍‍ ପର୍ଯ୍ୟନ୍ତ ଶୁଣା ଯାଉଅଛି; ଏହେତୁ ମୋୟାବର ସସଜ୍ଜ ଲୋକେ ଆର୍ତ୍ତନାଦ କରୁଅଛନ୍ତି; ତାହାର ପ୍ରାଣ ତାହା ମଧ୍ୟରେ କମ୍ପିତ ହେଉଅଛି।
\s5
\v 5 ଆମ୍ଭର ହୃଦୟ ମୋୟାବ ପାଇଁ କ୍ରନ୍ଦନ କରୁଅଛି; ତାହାର କୁଳୀନମାନେ ସୋୟର୍‍ ପର୍ଯ୍ୟନ୍ତ ଇଗ୍ଲତ୍‍-ଶଲୀଶୀୟାକୁ ପଳାଉ ଅଛନ୍ତି; କାରଣ ସେମାନେ ରୋଦନ କରୁ କରୁ ଲୂହୀତ-ଘାଟୀ ଉପରକୁ ଯାଉଅଛନ୍ତି; ହୋରୋନୟିମ ବାଟରେ ବିନାଶ ହେତୁ ସେମାନେ ଆର୍ତ୍ତନାଦ କରୁଅଛନ୍ତି।
\v 6 କାରଣ ନିମ୍ରୀମର ଜଳସମୂହ ଶୂନ୍ୟ ହେବ; ତୃଣ ଶୁଷ୍କ ହୋଇଅଛି, ନବୀନ ତୃଣର ଅଭାବ ହେଉଅଛି, ହରିଦ୍‍ବର୍ଣ୍ଣର କିଛି ହିଁ ନାହିଁ।
\v 7 ଏହେତୁ ସେମାନେ ଆପଣାମାନଙ୍କର ପ୍ରାପ୍ତ ଧନ ଓ ରକ୍ଷିତ ଦ୍ରବ୍ୟସବୁ ବାଇଶୀ ବୃକ୍ଷର ସ୍ରୋତ ନିକଟକୁ ନେଇ ଯିବେ।
\s5
\v 8 କାରଣ ମୋୟାବର ଚତୁର୍ଦ୍ଦିଗସ୍ଥ ସୀମାକୁ କ୍ରନ୍ଦନର ଶବ୍ଦ ଯାଇଅଛି; ତହିଁର ହାହାକାର ଇଗ୍ଲୟିମ୍‍ ପର୍ଯ୍ୟନ୍ତ ଓ ତହିଁର ହାହାକାର ବେରେଲୀମ୍‍ ପର୍ଯ୍ୟନ୍ତ ଯାଇଅଛି।
\v 9 କାରଣ ଦୀମୋନର ଜଳସମୂହ ରକ୍ତମୟ ହୋଇଅଛି; ପୁଣି, ଆମ୍ଭେ ଦୀମୋନର ଉପରେ ଆହୁରି ଦୁଃଖ ଓ ମୋୟାବର ପଳାତକ ଲୋକ ଉପରେ ଓ ଦେଶର ଅବଶିଷ୍ଟାଂଶ ଉପରେ ଗୋଟିଏ ସିଂହ ଆଣିବା।
\s5
\c 16
\p
\v 1 ତୁମ୍ଭେମାନେ ପ୍ରାନ୍ତର ଅଭିମୁଖସ୍ଥ ସେଲା ସହରଠାରୁ ଦେଶାଧ୍ୟକ୍ଷ ନିମନ୍ତେ ସିୟୋନ କନ୍ୟାର ପର୍ବତକୁ ମେଷ ପଠାଅ।
\v 2 କାରଣ ମୋୟାବର କନ୍ୟାଗଣ ଅର୍ଣ୍ଣୋନ ପାର ହେବାର ସମସ୍ତ ସ୍ଥାନରେ ଭ୍ରମଣକାରୀ ପକ୍ଷୀ ପରି ଓ ପକ୍ଷୀର ଛିନ୍ନଭିନ୍ନ ବସା ପରି ହେବେ।
\s5
\v 3 ମନ୍ତ୍ରଣା ଦିଅ, ବିଚାର କର; ମଧ୍ୟାହ୍ନ କାଳର ଆପଣା ଛାୟାକୁ ରାତ୍ରି ତୁଲ୍ୟ କର; ବହିଷ୍କୃତ ଲୋକମାନଙ୍କୁ ଲୁଚାଅ; ଭ୍ରମଣକାରୀମାନଙ୍କୁ ପ୍ରକାଶ କର ନାହିଁ।
\v 4 ଆମ୍ଭର ବହିଷ୍କୃତ ଲୋକମାନଙ୍କୁ ତୁମ୍ଭ ସଙ୍ଗରେ ବାସ କରିବାକୁ ଦିଅ; ବିନାଶକାରୀର ସମ୍ମୁଖରୁ ତୁମ୍ଭେ ମୋୟାବର ପାଇଁ ଆଶ୍ରୟ ସ୍ଥାନ ହୁଅ; କାରଣ ପୀଡ଼କ ମହାଜନ ଅକିଞ୍ଚିତ ହୋଇଅଛି, ଅପକାର ନିବୃତ୍ତ ହେଉଅଛି, ଦୌରାତ୍ମ୍ୟକାରୀମାନେ ଦେଶରୁ ସଂହାରିତ ହେଉଅଛନ୍ତି।
\s5
\v 5 ପୁଣି, ଦୟାରେ ଏକ ସିଂହାସନ ସ୍ଥାପିତ ହେବ ଓ ଏକ ଜଣ ସତ୍ୟତାରେ ଦାଉଦଙ୍କର ତମ୍ବୁ ମଧ୍ୟରେ ତହିଁ ଉପରେ ଉପବିଷ୍ଟ ହେବେ; ସେ ନ୍ୟାୟ ଅନ୍ଵେଷଣ କରି ବିଚାର କରିବେ ଓ ଧର୍ମ ସାଧନ କରିବାରେ ସତ୍ୱର ହେବେ।
\s5
\v 6 ଆମ୍ଭେମାନେ ମୋୟାବର ଗର୍ବ ବିଷୟରେ ଶୁଣିଅଛୁ ଯେ, ସେ ଅତ୍ୟନ୍ତ ଗର୍ବୀ, ତାହାର ଅହଙ୍କାର ଓ ତାହାର ଗର୍ବ ଓ ତାହାର କୋପର କଥା ଶୁଣିଅଛୁ; ତାହାର ଦର୍ପ କିଛି ହିଁ ନୁହେଁ।
\v 7 ଏହେତୁ ମୋୟାବ ମୋୟାବର ନିମନ୍ତେ ହାହାକାର କରିବ, ପ୍ରତ୍ୟେକ ଲୋକ ହାହାକାର କରିବ; କାରଣ ତୁମ୍ଭେମାନେ ଅତ୍ୟନ୍ତ ଦୁଃଖିତ ହୋଇ କୀର-ହେରସତ ସହରର ଦ୍ରାକ୍ଷାଚକ୍ତି ନିମନ୍ତେ ବିଳାପ କରିବ।
\s5
\v 8 ଯେହେତୁ ହିଷ୍‍ବୋନ ସହରର କ୍ଷେତ୍ରସବୁ ଓ ସିବ୍‍ମା ନଗରର ଦ୍ରାକ୍ଷାଲତା ମ୍ଳାନ ହେଉଅଛି; ଗୋଷ୍ଠୀବର୍ଗର ଅଧ୍ୟକ୍ଷଗଣ ତହିଁର ମନୋନୀତ ଚାରାସବୁ ଭାଙ୍ଗି ପକାଇ ଅଛନ୍ତି; ସେହିସବୁ ଯାସେର ନଗର ପର୍ଯ୍ୟନ୍ତ ଗଲେ, ପ୍ରାନ୍ତର ପର୍ଯ୍ୟନ୍ତ ଏଣେତେଣେ ଗଲେ; ତାହାର ଶାଖାସବୁ ଚାରିଆଡ଼େ ବିସ୍ତୃତ ହେଲା, ସେହିସବୁ ସମୁଦ୍ର ପାର ହୋଇ ଗଲେ।
\s5
\v 9 ଏହେତୁ ଆମ୍ଭେ ଯାସେରର ରୋଦନ କାଳରେ ସିବ୍‍ମାର ଦ୍ରାକ୍ଷାଲତା ନିମନ୍ତେ ରୋଦନ କରିବା; ହେ ହିଷ୍‍ବୋନ, ହେ ଇଲୀୟାଲୀ ଆମ୍ଭେ ଆପଣା ଲୋତକ ଜଳରେ ତୁମ୍ଭକୁ ତିନ୍ତାଇବା; କାରଣ ତୁମ୍ଭର ଗ୍ରୀଷ୍ମ କାଳରେ ଫଳ ଓ ତୁମ୍ଭର ଶସ୍ୟ ଉପରେ ଯୁଦ୍ଧଧ୍ୱନି ପଡ଼ିଅଛି।
\v 10 ପୁଣି, ଆନନ୍ଦ ଓ ଉଲ୍ଲାସ ଉର୍ବରା କ୍ଷେତ୍ରରୁ ଦୂରୀକୃତ ହୋଇଅଛି; ଆଉ, ଦ୍ରାକ୍ଷାକ୍ଷେତ୍ରରେ ଗାନ ଅବା ଆନନ୍ଦଧ୍ୱନି ହେବ ନାହିଁ; କେହି ପଦ ଦ୍ୱାରା ଚାପି ଦ୍ରାକ୍ଷାକୁଣ୍ଡରେ ଦ୍ରାକ୍ଷାରସ ବାହାର କରିବ ନାହିଁ; ଆମ୍ଭେ ଦ୍ରାକ୍ଷା ସଂଗ୍ରହର ଆନନ୍ଦ ଧ୍ୱନି ନିବୃତ୍ତ କରିଅଛୁ।
\s5
\v 11 ଏହି କାରଣରୁ ଆମ୍ଭର ନାଡ଼ୀ ମୋୟାବର ପାଇଁ ଓ ଆମ୍ଭର ଅନ୍ତର କୀର୍ହେରସର ପାଇଁ ବୀଣା ପରି ବାଜୁଅଛି।
\v 12 ପୁଣି, ମୋୟାବ ଆପେ ଉପସ୍ଥିତ ହେବା ବେଳେ ଓ ଉଚ୍ଚସ୍ଥଳୀରେ ଆପଣାକୁ କ୍ଳାନ୍ତ କରି ପ୍ରାର୍ଥନା କରିବା ପାଇଁ ଧର୍ମଧାମରେ ପ୍ରବେଶ କରିବା ବେଳେ ସେ କୃତାର୍ଥ ହେବ ନାହିଁ।
\s5
\v 13 ବିଗତ ସମୟରେ ସଦାପ୍ରଭୁ ମୋୟାବ ବିଷୟରେ ଏହି କଥା କହିଥିଲେ।
\v 14 ମାତ୍ର ଏବେ ସଦାପ୍ରଭୁ ଏହି କଥା କହନ୍ତି, ବେତନଜୀବୀର ବର୍ଷ ତୁଲ୍ୟ ତିନି ବର୍ଷ ମଧ୍ୟରେ ମୋୟାବର ଗୌରବ ତାହାର ମହାଜନତା ସୁଦ୍ଧା ତୁଚ୍ଛୀକୃତ ହେବ, ଆଉ ଅବଶିଷ୍ଟାଂଶ ଅତି ଅଳ୍ପ ହେବ ଓ ଗଣନାଯୋଗ୍ୟ ହେବ ନାହିଁ।
\s5
\c 17
\s ଦମ୍ମେଶକ ପ୍ରତି ଭାବବାଣୀ
\p
\v 1 ଦମ୍ମେଶକ ବିଷୟକ ଭାବବାଣୀ। ଦେଖ, ଦମ୍ମେଶକ ଆଉ ନଗର ନ ହୋଇ ଦୂରୀକୃତ ହୋଇଅଛି, ତାହା କାନ୍ଥଡ଼ାର ଢ଼ିପି ହେବ।
\v 2 ଅରୋୟରର ନଗରସବୁ ପରିତ୍ୟକ୍ତ ହୋଇଅଛି; ସେହି ସବୁ ପଶୁପଲର ପାଇଁ ହେବ, ସେମାନେ ସେଠାରେ ଶୟନ କରିବେ, ଆଉ କେହି ସେମାନଙ୍କୁ ଭୟ ଦେଖାଇବ ନାହିଁ।
\v 3 ଆହୁରି, ଇଫ୍ରୟିମରୁ ଦୁର୍ଗ ଓ ଦମ୍ମେଶକରୁ ରାଜ୍ୟ ଓ ଅରାମର ଅବଶିଷ୍ଟାଂଶ ଲୁପ୍ତ ହେବ; ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, “ସେହି ସବୁ ଇସ୍ରାଏଲ ସନ୍ତାନଗଣର ଗୌରବ ତୁଲ୍ୟ ହେବ।
\s5
\v 4 ଆଉ, ସେହି ଦିନରେ ଯାକୁବର ଗୌରବ ହ୍ରାସ କରାଯିବ ଓ ତାହାର ମାଂସର ସ୍ଥୂଳତା କ୍ଷୀଣ ହେବ;
\v 5 ଆଉ, ଯେପରି ଶସ୍ୟ କାଟିବା ଲୋକ କ୍ଷେତ୍ରସ୍ଥ ଶସ୍ୟ ସଂଗ୍ରହ କରିବା ବେଳେ ଓ ତାହାର ହସ୍ତ ଶିଷା କାଟିବା ବେଳେ, କିଅବା ଯେପରି କେହି ରଫାୟୀମ ତଳଭୂମିରେ ପତିତ ଶିଷା ସାଉଣ୍ଟିବା ବେଳେ ହୁଏ, ସେହିପରି ହେବ।
\s5
\v 6 ତଥାପି ଜୀତବୃକ୍ଷର ଫଳ ଝାଡ଼ି ନେଲା ଉତ୍ତାରେ ଯେପରି ତାହାର ଉଚ୍ଚତମ ଶାଖାରେ ଦୁଇ ତିନି ଗୋଟା ଫଳ ଓ ଫଳବାନ ବୃକ୍ଷର ବାହାରସ୍ଥ ଶାଖାରେ ଚାରି ପାଞ୍ଚ ଗୋଟା ଫଳ ଥାଏ,” ସେହିପରି ତାହାର କିଛି ଅବଶିଷ୍ଟ ରହିବ, ଏହା ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର କହନ୍ତି।
\v 7 ସେହି ଦିନରେ ମନୁଷ୍ୟ ଆପଣା ସୃଷ୍ଟିକର୍ତ୍ତାଙ୍କ ପ୍ରତି ଅନାଇବ ଓ ତାହାର ଚକ୍ଷୁ ଇସ୍ରାଏଲର ଧର୍ମସ୍ୱରୂପଙ୍କ ପ୍ରତି ଦୃଷ୍ଟି ରଖିବ।
\s5
\v 8 ପୁଣି, ସେ ଆପଣା ହସ୍ତକୃତ ଯଜ୍ଞବେଦିସମୂହର ପ୍ରତି ଅନାଇବ ନାହିଁ, କିଅବା ଆପଣା ଅଙ୍ଗୁଳିକୃତ ଆଶେରା ମୂର୍ତ୍ତି ଅବା ସୂର୍ଯ୍ୟ ପ୍ରତିମାସକଳର ପ୍ରତି ଦୃଷ୍ଟି ରଖିବ ନାହିଁ।
\v 9 ସେହି ଦିନ ତାହାର ଦୃଢ଼ ନଗରସବୁ ଇସ୍ରାଏଲ ସନ୍ତାନଗଣର ଭୟରେ ବନସ୍ଥ ଓ ପର୍ବତର ଉପରିସ୍ଥ ପରିତ୍ୟକ୍ତ ସ୍ଥାନ ତୁଲ୍ୟ ହେବ ଓ ଦେଶ ଉଚ୍ଛିନ୍ନ ହେବ।
\s5
\v 10 କାରଣ ତୁମ୍ଭେ ଆପଣା ପରିତ୍ରାଣର ପରମେଶ୍ୱରଙ୍କୁ ପାସୋରିଅଛ ଓ ଆପଣା ଶକ୍ତି ସ୍ୱରୂପ ଶୈଳ ବିଷୟରେ ମନୋଯୋଗୀ ହୋଇ ନାହଁ; ଏହେତୁ ତୁମ୍ଭେ ସୁନ୍ଦର ସୁନ୍ଦର ଚାରା ରୋପଣ କରୁଅଛ ଓ ବିଦେଶୀୟ କଲମ ସଙ୍ଗେ ତାହା ବସାଉଅଛ;
\v 11 ତୁମ୍ଭେ ରୋପଣ କରିବା ଦିନ ତହିଁର ଚାରିଆଡ଼େ ବାଡ଼ ଦେଉଅଛ ଓ ପ୍ରାତଃକାଳରେ ତୁମ୍ଭେ ଆପଣା ବୀଜକୁ ପୁଷ୍ପିତ କରାଉଅଛ; ମାତ୍ର ଦୁଃଖ ଓ ପ୍ରତିକାରହୀନ ଶୋକ ସମୟରେ ଫଳ ଉଡ଼ିଯାଏ।
\s5
\v 12 ଆଃ! ଅନେକ ଗୋଷ୍ଠୀର କୋଳାହଳ, ସେମାନେ ସମୁଦ୍ରର କଲ୍ଲୋଳର ତୁଲ୍ୟ କଲ୍ଲୋଳ ଧ୍ୱନି କରୁଅଛନ୍ତି; ନାନା ଦେଶୀୟଗଣ ମାଡ଼ି ଆସୁଅଛନ୍ତି, ସେମାନେ ପ୍ରବଳ ବଢ଼ି ପରି ମାଡ଼ି ଆସୁଅଛନ୍ତି !
\v 13 ନାନା ଦେଶୀୟଗଣ, ମହା ଜଳରାଶି ମାଡ଼ି ଆସିବା ପରି ମାଡ଼ି ଆସୁଅଛନ୍ତି; ମାତ୍ର ସେ ସେମାନଙ୍କୁ ଧମକାଇବେ, ତହିଁରେ ସେମାନେ ଦୂରକୁ ପଳାଇବେ ଓ ବାୟୁ ସମ୍ମୁଖରେ ପର୍ବତସ୍ଥ ତୁଷ ତୁଲ୍ୟ ଓ ପ୍ରଚଣ୍ଡ ବାୟୁ ଅଗ୍ରତେ ଘୂର୍ଣ୍ଣାୟମାନ ଧୂଳି ତୁଲ୍ୟ ତାଡ଼ିତ ହେବେ।
\v 14 ଦେଖ, ସନ୍ଧ୍ୟାକାଳେ ତ୍ରାସ ଓ ପ୍ରଭାତର ପୂର୍ବେ ସେମାନେ ନାହାନ୍ତି। ଆମ୍ଭମାନଙ୍କ ଲୁଟିତକାରୀମାନଙ୍କର ଅଂଶ ଓ ଆମ୍ଭମାନଙ୍କ ଅପହରଣକାରୀମାନଙ୍କ ବାଣ୍ଟ ଏହି।
\s5
\c 18
\s କୂଶଦେଶ ପ୍ରତି ଭାବବାଣୀ
\p
\v 1 ଆଃ ! କୂଶଦେଶୀୟ ନଦୀଗଣର ସେପାରିସ୍ଥିତ ପକ୍ଷର ଶବ୍ଦବିଶିଷ୍ଟ ଦେଶ;
\v 2 ସେ ସମୁଦ୍ର ପଥରେ ନଳନିର୍ମିତ ନୌକାରେ ଜଳ ଉପରେ ଦୂତଗଣକୁ ପ୍ରେରଣ କରି କହେ, ହେ ଦ୍ରୁତଗାମୀ ଦୂତଗଣ, ଯେଉଁ ଗୋଷ୍ଠୀୟ ଲୋକେ ଦୀର୍ଘକାୟ ଓ ଚିକ୍‍କଣ, ଯେଉଁ ଜନବୃନ୍ଦ ଅଦ୍ୟାବଧି ଭୟଙ୍କର; ଯେଉଁ ଗୋଷ୍ଠୀୟ ଲୋକେ ପରିମାଣ କରନ୍ତି ଓ ଦଳିତ କରନ୍ତି, ଯେଉଁମାନଙ୍କ ଦେଶ ନଦନଦୀରେ ବିଭକ୍ତ, ତୁମ୍ଭେମାନେ ସେମାନଙ୍କ ନିକଟକୁ ଯାଅ !
\s5
\v 3 ହେ ଜଗନ୍ନିବାସୀଗଣ; ହେ ପୃଥିବୀର ନିବାସୀ ସମସ୍ତେ, ପର୍ବତମାନର ଉପରେ ଧ୍ୱଜା ଉତ୍ଥିତ ହେବା ବେଳେ ତୁମ୍ଭେମାନେ ଦୃଷ୍ଟି କର ଓ ତୂରୀ ବାଜିବା ବେଳେ ତୁମ୍ଭେମାନେ ଶ୍ରବଣ କର।
\s5
\v 4 କାରଣ ସଦାପ୍ରଭୁ ଆମ୍ଭକୁ ଏହିପରି କହିଅଛନ୍ତି, “ଖରା ସମୟରେ ନିର୍ମଳ ତାପ ପରି, ଶସ୍ୟଚ୍ଛେଦନକାଳୀନ ତାପ ସମୟରେ ଶିଶିରଯୁକ୍ତ ମେଘ ପରି ଆମ୍ଭେ କ୍ଷାନ୍ତ ହେବା ଓ ଆପଣା ବାସସ୍ଥାନରେ ଥାଇ ନିରୀକ୍ଷଣ କରିବା।”
\v 5 ଯେହେତୁ ଦ୍ରାକ୍ଷା ସଞ୍ଚୟ କରିବା ପୂର୍ବେ ମୁକୁଳ ହୋଇଗଲା ଉତ୍ତାରେ ଓ ପୁଷ୍ପ ଦ୍ରାକ୍ଷାଫଳ ହୋଇ ପାଚୁଥିବା ସମୟରେ ସେ ଦାଆ ନେଇ ତହିଁର ପଲ୍ଲବ କାଟି ପକାଇବେ ଓ ତହିଁର ବିସ୍ତାରିତ ଶାଖାସବୁ ଛେଦନ କରି ପକାଇବେ।
\s5
\v 6 ପର୍ବତସ୍ଥ ଦୁରନ୍ତ ପକ୍ଷୀଗଣ ଓ ପୃଥିବୀର ପଶୁଗଣ ନିମନ୍ତେ ସେହି ସବୁ ପରିତ୍ୟକ୍ତ ହେବ; ଦୁରନ୍ତ ପକ୍ଷୀଗଣ ତହିଁ ଉପରେ ଗ୍ରୀଷ୍ମକାଳ କ୍ଷେପଣ କରିବେ ଓ ପୃଥିବୀର ପଶୁସବୁ ତହିଁ ଉପରେ ଶୀତକାଳ କ୍ଷେପଣ କରିବେ।
\v 7 ସେହି ସମୟରେ ଦୀର୍ଘକାୟ ଓ ଚିକ୍‍କଣ ଓ ଅଦ୍ୟାବଧି ଭୟଙ୍କର ଏକ ଗୋଷ୍ଠୀୟ ଲୋକେ; ଯେଉଁମାନେ ପରିମାଣ କରନ୍ତି ଓ ପଦ ତଳେ ଦଳିତ କରନ୍ତି, ଯେଉଁମାନଙ୍କର ଦେଶ ନଦନଦୀରେ ବିଭକ୍ତ, ଏପରି ଏକ ଜନବୃନ୍ଦ ସୈନ୍ୟାଧିପତି ସଦାପ୍ରଭୁଙ୍କର ଉପହାର ରୂପେ ସୈନ୍ୟାଧିପତି ସଦାପ୍ରଭୁଙ୍କର ନାମବିଶିଷ୍ଟ ସ୍ଥାନ ସିୟୋନ ପର୍ବତକୁ ଅଣାଯିବେ।
\s5
\c 19
\s ମିସର ପ୍ରତି ଭାବବାଣୀ
\p
\v 1 ମିସର ବିଷୟକ ଭବିଷ୍ୟତ ବାଣୀ। ଦେଖ, ସଦାପ୍ରଭୁ ଦ୍ରୁତଗାମୀ ମେଘରେ ଆରୋହଣ କରି ମିସରକୁ ଆସୁଅଛନ୍ତି; ପୁଣି, ତାହାଙ୍କ ଛାମୁରେ ମିସରର ପ୍ରତିମାଗଣ କମ୍ପାନ୍ୱିତ ହେବେ ଓ ମିସରର ହୃଦୟ ତାହାର ମଧ୍ୟରେ ତରଳି ଯିବ।
\v 2 ପୁଣି, “ଆମ୍ଭେ ମିସ୍ରୀୟମାନଙ୍କୁ ମିସ୍ରୀୟମାନଙ୍କ ପ୍ରତିକୂଳରେ ଉତ୍ତେଜିତ କରିବା; ତହିଁରେ ସେମାନେ ପ୍ରତ୍ୟେକେ ଆପଣା ଆପଣା ଭାଇର ଓ ପ୍ରତ୍ୟେକେ ଆପଣା ଆପଣା ପ୍ରତିବାସୀର ବିରୁଦ୍ଧରେ ଯୁଦ୍ଧ କରିବେ; ନଗର ନଗର ବିରୁଦ୍ଧରେ, ରାଜ୍ୟ ରାଜ୍ୟ ବିରୁଦ୍ଧରେ, ଯୁଦ୍ଧ କରିବେ।
\s5
\v 3 ଆଉ, ମିସରର ଆତ୍ମା ତାହା ମଧ୍ୟରେ ଶୂନ୍ୟ କରାଯିବ ଓ ଆମ୍ଭେ ତାହାର ମନ୍ତ୍ରଣା ଗ୍ରାସ କରିବା; ତହିଁରେ ସେମାନେ ପ୍ରତିମା, ମୋହକ, ଭୂତୁଡ଼ିଆ ଓ ଗୁଣିଆମାନଙ୍କର ଅନ୍ଵେଷଣ କରିବେ।
\v 4 ଆଉ, ଆମ୍ଭେ ମିସ୍ରୀୟମାନଙ୍କୁ ଏକ ନିର୍ଦ୍ଦୟ ପ୍ରଭୁ ହସ୍ତରେ ସମର୍ପଣ କରିବା ଓ ଏକ ଦୁରନ୍ତ ରାଜା ସେମାନଙ୍କ ଉପରେ କର୍ତ୍ତୃତ୍ୱ କରିବ,” ଏହା ପ୍ରଭୁ ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।
\s5
\v 5 ପୁଣି, ସମୁଦ୍ର ଜଳଶୂନ୍ୟ ହେବ ଓ ନଦୀ କ୍ଷୟ ପାଇ ଶୁଷ୍କ ହେବ।
\v 6 ଆଉ, ନଦୀସବୁ ଦୁର୍ଗନ୍ଧ ହେବ; ମିସରର ସ୍ରୋତସବୁ ସାନ ହୋଇ ଶୁଖିଯିବ; ନଳ ଓ ଜଳଜ ତୃଣ ଶୁଷ୍କ ହୋଇଯିବ।
\s5
\v 7 ନୀଳ ନଦୀ ନିକଟସ୍ଥ, ନୀଳ ନଦୀର ତୀରବର୍ତ୍ତୀ ପଡ଼ିଆସବୁ ଓ ନୀଳ ନଦୀ ନିକଟରେ ଯାହା କିଛି ବୁଣାଯାଏ, ସେହି ସବୁ ଶୁଷ୍କ ହୋଇ ଉଡ଼ିଯିବ ଓ ଆଉ ରହିବ ନାହିଁ।
\v 8 କେଉଟମାନେ ମଧ୍ୟ ବିଳାପ କରିବେ ଓ ଯେଉଁମାନେ ନୀଳ ନଦୀରେ ବନଶୀ ପକାନ୍ତି, ସେମାନେ ସମସ୍ତେ ଶୋକ କରିବେ, ପୁଣି, ଯେଉଁମାନେ ଜଳରେ ଜାଲ ପ୍ରସାରନ୍ତି, ସେମାନେ ଅବସନ୍ନ ହେବେ।
\s5
\v 9 ଆହୁରି, ଯେଉଁମାନେ ପରିଷ୍କୃତ ଛଣପଟର କାର୍ଯ୍ୟ କରନ୍ତି ଓ ଯେଉଁମାନେ ଶୁକ୍ଳ ବସ୍ତ୍ର ବୁଣନ୍ତି, ସେମାନେ ଲଜ୍ଜିତ ହେବେ।
\v 10 ପୁଣି, ତାହାର ସ୍ତମ୍ଭସକଳ ଭଙ୍ଗାଯାଇ ଖଣ୍ଡ ଖଣ୍ଡ ହେବ, ବେତନ ପାଇଁ କାର୍ଯ୍ୟ କରିବା ଲୋକ ସମସ୍ତେ ପ୍ରାଣରେ ଦୁଃଖିତ ହେବେ।
\s5
\v 11 ସୋୟନର ଅଧିପତିମାନେ ନିତାନ୍ତ ନିର୍ବୋଧ ଅଟନ୍ତି; ଫାରୋର ବିଜ୍ଞବର ମନ୍ତ୍ରୀଗଣର ମନ୍ତ୍ରଣା ପଶୁବତ୍‍ ହୋଇଅଛି; ତୁମ୍ଭେମାନେ କିପରି କରି ଫାରୋକୁ କହୁଅଛ, ଆମ୍ଭେ ଜ୍ଞାନୀମାନଙ୍କର ପୁତ୍ର, ପ୍ରାଚୀନ ରାଜାଗଣର ସନ୍ତାନ ?
\v 12 ତେବେ ତୁମ୍ଭର ଜ୍ଞାନୀ ଲୋକମାନେ କେଉଁଠାରେ ? ସେମାନେ ଏବେ ତୁମ୍ଭକୁ ଜଣାଉନ୍ତୁ ଓ ସୈନ୍ୟାଧିପତି ସଦାପ୍ରଭୁ ମିସର ବିଷୟରେ ଯାହା ମନ୍ତ୍ରଣା କରିଅଛନ୍ତି, ତାହା ସେମାନେ ଜାଣନ୍ତୁ।
\s5
\v 13 ସୋୟନର ଅଧିପତିମାନେ ନିର୍ବୋଧ ହୋଇଅଛନ୍ତି, ନୋଫର ଅଧିପତିମାନେ ଭ୍ରାନ୍ତ ହୋଇଅଛନ୍ତି; ଯେଉଁମାନେ ମିସରୀୟ ଗୋଷ୍ଠୀବର୍ଗର କୋଣପ୍ରସ୍ତର ସ୍ୱରୂପ, ସେମାନେ ମିସରକୁ ବିପଥରେ ଗମନ କରାଇଅଛନ୍ତି।
\v 14 ସଦାପ୍ରଭୁ ମିସର ମଧ୍ୟରେ ଭ୍ରାନ୍ତିରୂପ ଆତ୍ମା ମିଶ୍ରିତ କରିଅଛନ୍ତି; ପୁଣି, ମତ୍ତ ଲୋକ ଯେପରି ଆପଣା ବାନ୍ତିରେ ଟଳଟଳ ହୋଇ ପଡ଼େ, ସେହିପରି ସେମାନେ ମିସରକୁ ତାହାର ପ୍ରତ୍ୟେକ କର୍ମରେ ବିପଥଗାମୀ କରାଇଅଛନ୍ତି।
\v 15 ପୁଣି, ମସ୍ତକ କିମ୍ବା ଲାଙ୍ଗୁଳ, କିମ୍ବା ତାଳବାହୁଙ୍ଗା କିମ୍ବା ଜଳଜ ତୃଣ ଯାହା କରିପାରେ, ଏପରି କୌଣସି କାର୍ଯ୍ୟ ମିସର ପାଇଁ କରାଯିବ ନାହିଁ।
\s ମିସର, ଅଶୂର ଓ ଇସ୍ରାଏଲ ଆଶୀର୍ବାଦ ପ୍ରାପ୍ତ
\p
\s5
\v 16 ସେହି ଦିନ ମିସର ସ୍ତ୍ରୀମାନଙ୍କ ତୁଲ୍ୟ ହେବ, ପୁଣି, ସୈନ୍ୟାଧିପତି ସଦାପ୍ରଭୁ, ତାହା ଉପରେ ଯେଉଁ ହସ୍ତ ହଲାନ୍ତି, ତାହାଙ୍କର ସେହି ହସ୍ତ ହଲିବା ସକାଶୁ ସେ କମ୍ପିବ ଓ ଭୀତ ହେବ।
\v 17 ମିସର ପ୍ରତି ଯିହୁଦା ଦେଶ ତ୍ରାସଜନକ ହେବ, ସୈନ୍ୟାଧିପତି ସଦାପ୍ରଭୁ ତାହାର ପ୍ରତିକୂଳରେ ଯେଉଁ ମନ୍ତ୍ରଣା କରନ୍ତି, ତହିଁ ସକାଶୁ ଯେ ପ୍ରତ୍ୟେକ ଲୋକକୁ ଯିହୁଦାର ନାମ କୁହାଯାଏ, ସେ ଭୀତ ହେବ।
\s5
\v 18 ସେହି ଦିନ ମିସର ଦେଶ ମଧ୍ୟରେ ପାଞ୍ଚ ନଗର କିଣାନୀୟ ଭାଷାବାଦୀ ହେବେ ଓ ସୈନ୍ୟାଧିପତି ସଦାପ୍ରଭୁଙ୍କ ନାମରେ ଶପଥ କରିବେ, ଏକ ନଗର ଉତ୍ପାଟନ ନଗର ବୋଲି ଖ୍ୟାତ ହେବ।
\s5
\v 19 ସେହି ଦିନ ମିସର ଦେଶର ମଧ୍ୟସ୍ଥାନରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ଯଜ୍ଞବେଦି ହେବ ଓ ତହିଁର ସୀମା ନିକଟରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ସ୍ତମ୍ଭ ସ୍ଥାପିତ ହେବ।
\v 20 ପୁଣି, ତାହା ମିସର ଦେଶରେ ସୈନ୍ୟାଧିପତି ସଦାପ୍ରଭୁଙ୍କର ଚିହ୍ନ ଓ ସାକ୍ଷୀ ସ୍ୱରୂପ ହେବ; କାରଣ ସେମାନେ ଉପଦ୍ରବୀଗଣର ସକାଶୁ ସଦାପ୍ରଭୁଙ୍କ ନିକଟରେ କ୍ରନ୍ଦନ କରିବେ, ତହିଁରେ ସେ ଜଣେ ତ୍ରାଣକର୍ତ୍ତା ଓ ରକ୍ଷକ ପଠାଇବେ ଓ ସେ ସେମାନଙ୍କୁ ଉଦ୍ଧାର କରିବେ।
\s5
\v 21 ପୁଣି, ମିସରକୁ ସଦାପ୍ରଭୁଙ୍କର ପରିଚୟ ଦିଆଯିବ ଓ ସେହି ଦିନ ମିସରୀୟମାନେ ସଦାପ୍ରଭୁଙ୍କୁ ଜାଣିବେ; ଆହୁରି, ସେମାନେ ବଳି ଓ ନୈବେଦ୍ୟ ଦେଇ ଆରାଧନା କରିବେ ଓ ସଦାପ୍ରଭୁଙ୍କ ନିକଟରେ ମାନତ କରି ତାହା ପୂର୍ଣ୍ଣ କରିବେ।
\v 22 ପୁଣି, ସଦାପ୍ରଭୁ ମିସରକୁ ପ୍ରହାର କରିବେ, ପ୍ରହାର କରିବେ ଓ ସୁସ୍ଥ କରିବେ; ପୁଣି, ସେମାନେ ସଦାପ୍ରଭୁଙ୍କ ନିକଟକୁ ଫେରି ଆସିବେ, ତହିଁରେ ସେ ସେମାନଙ୍କର ବିନତି ଗ୍ରାହ୍ୟ କରି ସେମାନଙ୍କୁ ସୁସ୍ଥ କରିବେ।
\s5
\v 23 ସେହି ଦିନ ମିସରଠାରୁ ଅଶୂରକୁ ଏକ ରାଜପଥ ପଡ଼ିବ, ତହିଁରେ ଅଶୂରୀୟମାନେ ମିସରକୁ ଓ ମିସରୀୟମାନେ ଅଶୂରକୁ ଯାତାୟତ କରିବେ; ପୁଣି, ମିସରୀୟମାନେ ଅଶୂରୀୟମାନଙ୍କ ସଙ୍ଗେ ଆରାଧନା କରିବେ।
\s5
\v 24 ସେହି ଦିନ ଇସ୍ରାଏଲ, ମିସର ଓ ଅଶୂରର ସଙ୍ଗେ ତୃତୀୟ ହୋଇ ପୃଥିବୀ ମଧ୍ୟରେ ଆଶୀର୍ବାଦର ପାତ୍ର ହେବ;
\v 25 କାରଣ ସୈନ୍ୟାଧିପତି ସଦାପ୍ରଭୁ ସେମାନଙ୍କୁ ଆଶୀର୍ବାଦ କରି କହିଅଛନ୍ତି, “ଆମ୍ଭର ଲୋକ ମିସର, ଆମ୍ଭର ହସ୍ତକୃତ କର୍ମ ଅଶୂର ଓ ଆମ୍ଭର ଅଧିକାର ଇସ୍ରାଏଲ ଆଶୀର୍ବାଦଯୁକ୍ତ ହେଉନ୍ତୁ।”
\s5
\c 20
\s ମିସର ଓ କୂଶ ଦେଶ ପ୍ରତି ଏକ ଚିହ୍ନ
\p
\v 1 ଅଶୂରର ରାଜା ସର୍ଗୋନର ପ୍ରେରିତ ତର୍ତ୍ତାନ ସେନାଧ୍ୟକ୍ଷ ଯେଉଁ ବର୍ଷ ଅସ୍‍ଦୋଦକୁ ଆସି ତାହା ପ୍ରତିକୂଳରେ ଯୁଦ୍ଧ କରି ହସ୍ତଗତ କଲା;
\v 2 ସେହି ସମୟରେ ଆମୋସର ପୁତ୍ର ଯିଶାଇୟ ଦ୍ୱାରା ସଦାପ୍ରଭୁ ଏହି କଥା କହିଲେ, “ଯାଅ, ତୁମ୍ଭ କଟିଦେଶରୁ ଚଟବସ୍ତ୍ର ଫିଟାଅ ଓ ତୁମ୍ଭ ପାଦରୁ ପାଦୁକା କାଢ଼,” ତହିଁରେ ସେ ତାହା କରି ବିବସ୍ତ୍ର ଓ ଶୂନ୍ୟପଦ ହୋଇ ଭ୍ରମଣ କଲା।
\s5
\v 3 ତେବେ ସଦାପ୍ରଭୁ କହିଲେ, “ଆମ୍ଭର ଦାସ ଯିଶାଇୟ ମିସର ଓ କୂଶ ଦେଶ ପ୍ରତି ଏକ ଚିହ୍ନ ଓ ଅଦ୍ଭୁତ ଲକ୍ଷଣ ସ୍ୱରୂପ ହେବା ପାଇଁ ଯେପରି ତିନି ବର୍ଷ ବିବସ୍ତ୍ର ଓ ଶୂନ୍ୟପଦ ହୋଇ ଭ୍ରମଣ କରିଅଛି;
\v 4 ସେହିପରି ଅଶୂରର ରାଜା ମିସ୍ରୀୟମାନଙ୍କ ଲଜ୍ଜାର ନିମନ୍ତେ ଆବାଳବୃଦ୍ଧ ମିସ୍ରୀୟ ବନ୍ଦୀ ଓ କୂଶୀୟ ନିର୍ବାସିତ ଲୋକମାନଙ୍କୁ ବିବସ୍ତ୍ର, ଶୂନ୍ୟପଦ ଓ ଅନାବୃତ କଟି କରି ଘେନିଯିବ।
\s5
\v 5 ତହିଁରେ ଲୋକମାନେ ଆପଣାମାନଙ୍କର ବିଶ୍ୱାସଭୂମି କୂଶ ଓ ଆପଣାମାନଙ୍କର ଦର୍ପ ସ୍ୱରୂପ ମିସର ସକାଶୁ ନିରାଶ ଓ ଲଜ୍ଜିତ ହେବେ।
\v 6 ପୁଣି, ସେହି ଦିନ ଏହି ସମୁଦ୍ର ଅଞ୍ଚଳସ୍ଥ ନିବାସୀମାନେ କହିବେ, ଦେଖ, ଅଶୂରର ରାଜାଠାରୁ ଉଦ୍ଧାର ପାଇବା ପାଇଁ ସାହାଯ୍ୟ ନିମନ୍ତେ ଯେଉଁଠାକୁ ପଳାଇଲୁ, ଆମ୍ଭମାନଙ୍କର ସେହି ବିଶ୍ୱାସଭୂମି ଏହି ପ୍ରକାର; ତେବେ ଆମ୍ଭେମାନେ ଅବା କିପରି ବଞ୍ଚିବା ?
\s5
\c 21
\s ବାବିଲର ପତନର ଦର୍ଶନ
\p
\v 1 ସାଗର ସମୀପସ୍ଥ ପ୍ରାନ୍ତର ବିଷୟକ ଭାବବାଣୀ। ତାହା ଦକ୍ଷିଣ ଦିଗରେ ଅତି ବେଗରେ ଅଗ୍ରସର ଘୂର୍ଣ୍ଣିବାୟୁ ତୁଲ୍ୟ ପ୍ରାନ୍ତରରୁ, ଏକ ଭୟଙ୍କର ଦେଶରୁ ଆସୁଅଛି।
\v 2 ଏକ ଦୁଃଖଦାୟକ ଦର୍ଶନ ଆମ୍ଭ ପ୍ରତି ପ୍ରକାଶିତ ହୋଇଅଛି; ବିଶ୍ୱାସଘାତକ ବିଶ୍ୱାସଘାତକତା କରୁଅଛି ଓ ଲୁଟିତକାରୀ ଲୁଟୁଅଛି। ହେ ଏଲମ୍‍, ଉପରକୁ ଯାଅ; ହେ ମାଦୀୟେ, ଅବରୋଧ କର; ମୁଁ ତହିଁର ହାହାକାର ଧ୍ୱନିସବୁ ନିବୃତ୍ତ କରିଅଛି।
\s5
\v 3 ଏନିମନ୍ତେ ମୋହର କଟିଦେଶ ଯନ୍ତ୍ରଣାରେ ପରିପୂର୍ଣ୍ଣ ହୋଇଅଛି; ପ୍ରସବକାରିଣୀର ବେଦନା ତୁଲ୍ୟ ବେଦନା ମୋତେ ଆକ୍ରାନ୍ତ କରିଅଛି; ମୁଁ ଏପରି ବ୍ୟଥିତ ଯେ, ମୁଁ ଶୁଣି ପାରୁ ନାହିଁ; ମୁଁ ଏପରି ବିହ୍ୱଳ ଯେ, ମୁଁ ଦେଖି ପାରୁ ନାହିଁ।
\v 4 ମୋହର ହୃଦୟ ଧକାଉ ଅଛି, ମହାତ୍ରାସ ମୋତେ ଭୀତ କରାଉ ଅଛି; ଯେଉଁ ସନ୍ଧ୍ୟାକାଳ ମୁଁ ବାଞ୍ଛା କଲି, ତାହା ମୋ’ ପ୍ରତି ଥରହରର କାରଣ ହୋଇଅଛି।
\s5
\v 5 ସେମାନେ ମେଜ ସଜାନ୍ତି, ସେମାନେ ପ୍ରହରୀ ନିଯୁକ୍ତ କରନ୍ତି, ସେମାନେ ଭୋଜନ କରନ୍ତି, ସେମାନେ ପାନ କରନ୍ତି; ହେ ଅଧିପତିମାନେ, ଉଠ, ଢାଲ ତୈଳାକ୍ତ କର।
\s5
\v 6 କାରଣ, ପ୍ରଭୁ ମୋତେ ଏହି କଥା କହିଅଛନ୍ତି, “ଯାଅ, ଏକ ଜଣ ପ୍ରହରୀ ନିଯୁକ୍ତ କର; ସେ ଯାହା ଦେଖେ, ତାହା ପ୍ରକାଶ କରୁ;
\v 7 ପୁଣି, ସେ ଯେତେବେଳେ ଏକ ଦଳ ସୈନ୍ୟ, ଦୁଇ ଦୁଇ ଅଶ୍ୱାରୋହୀ, ଏକ ଦଳ ଗର୍ଦ୍ଦଭାରୋହୀ ଓ ଏକ ଦଳ ଉଷ୍ଟ୍ରାରୋହୀ ଦେଖିବ, ସେତେବେଳେ ସେ ମନୋଯୋଗ-ପୂର୍ବକ ଅତି ଯତ୍ନରେ କର୍ଣ୍ଣପାତ କରିବ।”
\s5
\v 8 ତହିଁରେ ସେ ସିଂହ ତୁଲ୍ୟ ଉଚ୍ଚ ଶବ୍ଦ କରି କହିଲା, “ହେ ପ୍ରଭୁ, ମୁଁ ଦିନବେଳେ ନିରନ୍ତର ପ୍ରହରୀଦୁର୍ଗରେ ଠିଆ ହୋଇଥାଏ ଓ କେତେକ ରାତ୍ରି ହେଲା ମୁଁ ଆପଣା ପହରା ସ୍ଥାନରେ ଅବସ୍ଥାପିତ ହୋଇଅଛି,”
\v 9 ଆଉ, ଦେଖ, ଏଠି ଏକ ଦଳ ଲୋକ ଦୁଇ ଦୁଇ ଅଶ୍ୱାରୋହୀ ହୋଇ ଆସୁଅଛନ୍ତି। ଆହୁରି, ସେ ପ୍ରତ୍ୟୁତ୍ତର କରି କହିଲା, “ବାବିଲ ପଡ଼ିଲା; ପଡ଼ିଲା ଓ ତାହାର ଖୋଦିତ ପ୍ରତିମାସବୁ ଭାଙ୍ଗି ଭୂମିସାତ୍‍ ହେଲା।”
\s5
\v 10 ହେ ମୋହର ମର୍ଦ୍ଦିତ ଓ ମୋ’ ଖମାରର ଶସ୍ୟ, ମୁଁ ଇସ୍ରାଏଲର ପରମେଶ୍ୱର ସୈନ୍ୟାଧିପତି ସଦାପ୍ରଭୁଙ୍କଠାରୁ ଯାହା ଶୁଣିଅଛି, ତାହା ତୁମ୍ଭମାନଙ୍କୁ ଜଣାଇଲି।
\p
\s5
\v 11 ଦୂମା
\f +
\fr 21:11
\fq ଦୂମା
\ft ଅର୍ଥାତ୍ ଇଦୋମ
\f* ବିଷୟକ ଭାବବାଣୀ। ଜଣେ ସେୟୀରଠାରୁ ମୋତେ ଡାକି କହୁଅଛି, “ପ୍ରହରୀ, କେତେ ରାତ୍ର ହେଲା ? ପ୍ରହରୀ, କେତେ ରାତ୍ର ହେଲା ?”
\v 12 ପ୍ରହରୀ କହିଲା, “ପ୍ରଭାତ ଆସୁଅଛି ଓ ରାତ୍ରି ହିଁ ଆସୁଅଛି; ତୁମ୍ଭେମାନେ ଯଦି ପଚାରିବ, ପଚାର; ତୁମ୍ଭେମାନେ ଫେର, ଆସ।”
\p
\s5
\v 13 ଆରବ ବିଷୟକ ଭାବବାଣୀ। ହେ ଦଦାନୀୟ ପଥିକ ଦଳ, ତୁମ୍ଭେମାନେ ଆରବର ବନ ମଧ୍ୟରେ ରାତ୍ରି ଯାପନ କରିବ।
\v 14 ଯେଉଁ ଜନ ତୃଷିତ ଥିଲା, ସେମାନେ ତାହା ନିକଟକୁ ଜଳ ଆଣିଲେ; ତେମା ଦେଶବାସୀମାନେ ଭକ୍ଷ୍ୟ ନେଇ ପଳାତକମାନଙ୍କ ସଙ୍ଗେ ସାକ୍ଷାତ କଲେ।
\v 15 କାରଣ ସେମାନେ ଖଡ୍ଗରୁ, ନିଷ୍କୋଷ ଖଡ୍ଗରୁ, ଗୁଣଦିଆ ଧନୁରୁ ଓ କ୍ଲେଶଜନକ ଯୁଦ୍ଧରୁ ପଳାଇଲେ।
\s5
\v 16 ଯେହେତୁ ସଦାପ୍ରଭୁ ମୋତେ କହିଅଛନ୍ତି, “ବେତନଜୀବୀର ବର୍ଷ ପ୍ରମାଣେ ଏକ ବର୍ଷ ମଧ୍ୟରେ କେଦାରର ସକଳ ପ୍ରତାପ ଲୁପ୍ତ ହେବ;
\v 17 ଆଉ, କେଦାର ବଂଶୀୟ ବୀରଗଣ ମଧ୍ୟରେ ଅଳ୍ପସଂଖ୍ୟକ ଧନୁର୍ଦ୍ଧାରୀ ଅବଶିଷ୍ଟ ରହିବେ” କାରଣ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହା କହିଅଛନ୍ତି।
\s5
\c 22
\s ଯିରୂଶାଲମ ପ୍ରତି ଭାବବାଣୀ
\p
\v 1 ଦର୍ଶନ ଉପତ୍ୟକା ବିଷୟକ ଭାବବାଣୀ। ଏବେ ତୁମ୍ଭର କ’ଣ ହେଉଅଛି ଯେ, ତୁମ୍ଭେ ସମସ୍ତେ ଗୃହର ଛାତ ଉପରକୁ ଯାଇଅଛ ?
\v 2 ହେ ଆନନ୍ଦ ଧ୍ୱନିପୂର୍ଣ୍ଣେ, କୋଳାହଳଯୁକ୍ତେ ନଗରୀ, ଉଲ୍ଲାସପ୍ରିୟେ ପୁରୀ; ତୁମ୍ଭର ହତ ଲୋକମାନେ ଖଡ୍ଗରେ ହତ ହୋଇ ନାହାନ୍ତି, କିଅବା ସେମାନେ ଯୁଦ୍ଧରେ ମରି ନାହାନ୍ତି।
\s5
\v 3 ତୁମ୍ଭର ଶାସନକର୍ତ୍ତା ସମସ୍ତେ ଏକାବେଳେ ପଳାଇଲେ, ସେମାନେ ଧନୁର୍ଦ୍ଧାରୀମାନଙ୍କ ଦ୍ୱାରା ବନ୍ଧା ଗଲେ; ତୁମ୍ଭ ମଧ୍ୟରେ ପ୍ରାପ୍ତ ସମସ୍ତ ଲୋକ ଏକତ୍ର ବନ୍ଧା ଗଲେ, ସେମାନେ ଦୂରକୁ ପଳାଇଲେ।
\v 4 ଏଥିପାଇଁ ମୁଁ କହିଲି, “ମୋତେ ଛାଡ଼ି ଅନ୍ୟଆଡ଼େ ଅନାଅ, ମୁଁ ଅତିଶୟ ରୋଦନ କରିବି; ମୋ’ ଗୋଷ୍ଠୀୟ କନ୍ୟାର ସର୍ବନାଶ ବିଷୟରେ ମୋତେ ସାନ୍ତ୍ୱନା କରିବା ପାଇଁ ଚେଷ୍ଟା କର ନାହିଁ।
\s5
\v 5 କାରଣ ଦର୍ଶନ ଉପତ୍ୟକାରେ ପ୍ରଭୁଙ୍କର, ସୈନ୍ୟାଧିପତି ସଦାପ୍ରଭୁଙ୍କର ପ୍ରେରିତ ପରାଜୟର, ଦଳନର, ବ୍ୟାକୁଳତାର ପ୍ରାଚୀର ଭଗ୍ନ ହେବାର ଓ ପର୍ବତଗଣ ପ୍ରତି ଆର୍ତ୍ତନାଦ କରିବାର ଦିନ ଏହି।
\v 6 ପୁଣି, ଏଲମ୍‍ ରଥାରୋହୀ, ଅଶ୍ୱାରୋହୀ ସୈନ୍ୟ ସହିତ ତୂଣ ଧାରଣ କଲା ଓ କୀର୍‍ ଢାଲ ଅନାବୃତ କଲା।
\v 7 ପୁଣି, ତୁମ୍ଭର ଅତି ଉତ୍କୃଷ୍ଟ ଉପତ୍ୟକାସବୁ ରଥମାନଙ୍କରେ ପରିପୂର୍ଣ୍ଣ ଥିଲା ଓ ଅଶ୍ୱାରୋହୀମାନେ ନଗର ଦ୍ୱାରରେ ସସଜ୍ଜ ହୋଇଥିଲେ।”
\s5
\v 8 ପୁଣି, ସେ ଯିହୁଦାର ଓଢ଼ଣା କାଢ଼ି ପକାଇଲେ ଓ ସେହି ଦିନ ତୁମ୍ଭେ ବନଗୃହସ୍ଥ ଯୁଦ୍ଧାସ୍ତ୍ର ପ୍ରତି ଦୃଷ୍ଟି କଲ।
\v 9 ଆଉ, ଦାଉଦ ନଗରର ଭଗ୍ନ ସ୍ଥାନ ଅନେକ ବୋଲି ତୁମ୍ଭେମାନେ ଦେଖିଲ ଓ ନୀଚସ୍ଥ ପୁଷ୍କରିଣୀର ଜଳସବୁ ଏକତ୍ର କଲ।
\s5
\v 10 ପୁଣି, ତୁମ୍ଭେମାନେ ଯିରୂଶାଲମସ୍ଥ ଗୃହସବୁ ଗଣନା କଲ ଓ ପ୍ରାଚୀର ଦୃଢ଼ କରିବା ପାଇଁ ଗୃହସବୁ
\f +
\fr 22:10
\fq ଗୃହସବୁ
\ft ଅର୍ଥାତ୍ ପ୍ରାଚୀରର ମଧ୍ୟ ସ୍ଥାନରେ ଥିବା ଗୃହ
\f* ଭାଙ୍ଗିଲ।
\v 11 ମଧ୍ୟ ତୁମ୍ଭେମାନେ ପୁରାତନ ପୁଷ୍କରିଣୀର ଜଳ ନିମନ୍ତେ ଦୁଇ ପ୍ରାଚୀରର ମଧ୍ୟ ସ୍ଥାନରେ ଜଳାଶୟ ପ୍ରସ୍ତୁତ କଲ; ମାତ୍ର ଯେ ଏହା ସାଧନ କଲେ, ତୁମ୍ଭେମାନେ ତାହାଙ୍କ ପ୍ରତି ଅନାଇଲ ନାହିଁ, କିଅବା ଯେ ଦୀର୍ଘକାଳରୁ ଏଥିର ସଂକଳ୍ପ କଲେ, ତୁମ୍ଭେମାନେ ତାହାଙ୍କୁ ଆଦର କଲ ନାହିଁ।
\s5
\v 12 ପୁଣି, ସେହି ଦିନ ପ୍ରଭୁ, ସୈନ୍ୟାଧିପତି ସଦାପ୍ରଭୁ ରୋଦନ ଓ ବିଳାପ ଓ ମସ୍ତକ ମୁଣ୍ଡନ ଓ କଟିଦେଶରେ ଚଟବନ୍ଧନ କରିବାକୁ ଡାକିଲେ;
\v 13 ମାତ୍ର ଦେଖ, ଆମୋଦ ପ୍ରମୋଦ, ଗୋବଧ ଓ ମେଷହନନ, ମାଂସ ଭୋଜନ ଓ ଦ୍ରାକ୍ଷାରସ ପାନ ହେଉଅଛି; ଆସ, ଆମ୍ଭେମାନେ ଭୋଜନ ପାନ କରୁ, କାରଣ କାଲି ଆମ୍ଭେମାନେ ମରିବା।
\v 14 ପୁଣି, ସୈନ୍ୟାଧିପତି ସଦାପ୍ରଭୁ ସ୍ୱୟଂ ଆମ୍ଭ କର୍ଣ୍ଣଗୋଚରରେ ପ୍ରକାଶ କଲେ, ନିଶ୍ଚୟ ତୁମ୍ଭମାନଙ୍କର ମରଣକାଳ ପର୍ଯ୍ୟନ୍ତ ତୁମ୍ଭମାନଙ୍କର ଏହି ଅପରାଧ କ୍ଷମା ହେବ ନାହିଁ, ପ୍ରଭୁ ସୈନ୍ୟାଧିପତି ସଦାପ୍ରଭୁ ଏରୂପ କହନ୍ତି।
\s5
\v 15 ପ୍ରଭୁ, ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେ ଏହି କୋଷାଧ୍ୟକ୍ଷ ନିକଟକୁ, ଅର୍ଥାତ୍‍, ଗୃହର ଅଧ୍ୟକ୍ଷ ଶିବ୍‍ନ ନିକଟକୁ ଯାଇ କୁହ,
\v 16 ତୁମ୍ଭେ ଏଠାରେ କଅଣ କରୁଅଛ ? ଓ ଏଠାରେ ତୁମ୍ଭର କିଏ ଅଛି ଯେ, ତୁମ୍ଭେ ଆପଣା ପାଇଁ ଏକ କବର ଖୋଳିଅଛ ? ସେ ତ ଉଚ୍ଚ ସ୍ଥାନରେ ଆପଣା କବର ଖୋଳିଅଛି ଓ ଶୈଳରେ ଆପଣା ନିମନ୍ତେ ବାସସ୍ଥାନ ଖୋଦନ କରିଅଛି !
\s5
\v 17 ଦେଖ, ବୀରର ନ୍ୟାୟ ସଦାପ୍ରଭୁ ବଳରେ ତୁମ୍ଭକୁ ଫୋପାଡ଼ି ଦେବେ, ହଁ, ସେ ଦୃଢ଼ ରୂପେ ତୁମ୍ଭକୁ ଗୁଡ଼ାଇବେ।
\v 18 ନିଶ୍ଚୟ ସେ ପେଣ୍ଡୁ ପରି ତୁମ୍ଭକୁ ବୁଲାଇ ଓ ଘୂରାଇ ଏକ ପ୍ରଶସ୍ତ ଦେଶରେ ନିକ୍ଷେପ କରିବେ; ସେଠାରେ ତୁମ୍ଭେ ମରିବ ଓ ସେଠାରେ ତୁମ୍ଭର ଗୌରବ ସ୍ୱରୂପ ରଥସବୁ ରହିବ, ତୁମ୍ଭେ ଆପଣା ପ୍ରଭୁଙ୍କ ଗୃହର କଳଙ୍କ ସ୍ୱରୂପ।
\v 19 ପୁଣି, ଆମ୍ଭେ ତୁମ୍ଭକୁ ତୁମ୍ଭ ପଦରୁ ତଡ଼ି ଦେବା ଓ ସେ ତୁମ୍ଭକୁ ତୁମ୍ଭ ସ୍ଥାନରୁ ଟାଣି ଆଣି ତଳକୁ ପକାଇବେ।
\s5
\v 20 ଆଉ, ସେହି ଦିନ ଆମ୍ଭେ ଆପଣା ଦାସକୁ, ହିଲ୍‍କୀୟର ପୁତ୍ର ଇଲିୟାକୀମ୍‍କୁ ଡାକିବା;
\v 21 ପୁଣି, ଆମ୍ଭେ ତୁମ୍ଭର ଚୋଗା ତାହାକୁ ପରିଧାନ କରାଇବା ଓ ତୁମ୍ଭ କଟିବନ୍ଧନୀରେ ତାହାକୁ ବଳବାନ କରିବା ଓ ତୁମ୍ଭର କର୍ତ୍ତୃତ୍ୱାଧିକାର ତାହା ହସ୍ତରେ ସମର୍ପଣ କରିବା; ତହିଁରେ ସେ ଯିରୂଶାଲମ ନିବାସୀମାନଙ୍କର ଓ ଯିହୁଦା ବଂଶର ପିତା ହେବ।
\v 22 ପୁଣି, ଆମ୍ଭେ ଦାଉଦବଂଶର ଚାବି ତାହାର ସ୍କନ୍ଧରେ ରଖିବା, ସେ ଫିଟାଇଲେ, କେହି ବନ୍ଦ କରିବ ନାହିଁ ଓ ସେ ବନ୍ଦ କଲେ, କେହି ଫିଟାଇବ ନାହିଁ।
\s5
\v 23 ଆଉ, ଆମ୍ଭେ ଖିଲ ପରି ଏକ ଦୃଢ଼ ସ୍ଥାନରେ ତାହାକୁ ବିଦ୍ଧ କରିବା ଓ ସେ ଆପଣା ପିତୃବଂଶର ଗୌରବର ସିଂହାସନ ସ୍ୱରୂପ ହେବ।
\v 24 ପୁଣି, ଲୋକମାନେ ତାହାର ପିତୃବଂଶର ସକଳ ଗୌରବ, ସନ୍ତାନସନ୍ତତି ଓ ପାନପାତ୍ରଠାରୁ କଳଶ ପର୍ଯ୍ୟନ୍ତ ପ୍ରତ୍ୟେକ କ୍ଷୁଦ୍ର ପାତ୍ର ତାହା ଉପରେ ଟଙ୍ଗାଇବେ।
\s5
\v 25 ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, “ଯେଉଁ ଖିଲ ଦୃଢ଼ ସ୍ଥାନରେ ବଦ୍ଧ ଥିଲା, ତାହା ସେହି ଦିନ ଅପସରି ଯିବ ଓ ତାହା ଖୋଦିତ ହୋଇ ତଳେ ପଡ଼ିବ, ପୁଣି ତାହା ଉପରେ ଥିବାର ବୋଝ ନଷ୍ଟ ହେବ, କାରଣ ସଦାପ୍ରଭୁ ଏହା କହିଅଛନ୍ତି।”
\s5
\c 23
\s ସୋର ସୀଦୋନ ପ୍ରତି ଭାବବାଣୀ
\p
\v 1 ସୋର ବିଷୟକ ଭାବବାଣୀ। ହେ ତର୍ଶୀଶ୍‍ର ଜାହାଜସକଳ, ତୁମ୍ଭେମାନେ ହାହାକାର କର; କାରଣ ତାହା ଏପରି ଉଚ୍ଛିନ୍ନ ହେଲା ଯେ, ତହିଁ ମଧ୍ୟରେ କୌଣସି ଗୃହ ନାହିଁ, କିମ୍ବା ପ୍ରବେଶିବାର ପଥ ନାହିଁ; କିତ୍ତୀମ ଦେଶରୁ ଏହା ସେମାନଙ୍କ ପ୍ରତି ପ୍ରକାଶିତ ହେଲା।
\v 2 ହେ ଦ୍ୱୀପନିବାସୀମାନେ, ତୁମ୍ଭେମାନେ ନୀରବ ହୁଅ; ସମୁଦ୍ର ପାରଗାମୀ ସୀଦୋନୀୟ ବଣିକମାନେ ତୁମ୍ଭ (ଦେଶ)କୁ ପରିପୂର୍ଣ୍ଣ କଲେ।
\v 3 ପୁଣି, ମହାଜଳରାଶିରେ ଷୀୟୋରର ବୀଜ ଓ ନୀଳ ନଦୀର ଶସ୍ୟ ତାହାର ଆୟ ଥିଲା; ପୁଣି, ତାହା ନାନା ଦେଶୀୟମାନଙ୍କର ଗଞ୍ଜ ସ୍ୱରୂପ ଥିଲା।
\s5
\v 4 ହେ ସୀଦୋନ, ତୁମ୍ଭେ ଲଜ୍ଜିତ ହୁଅ, କାରଣ ସାଗର, ସାଗରର ଦୃଢ଼ ଦୁର୍ଗ ଏହି କଥା କହିଅଛି, “ଆମ୍ଭେ ପ୍ରସବବେଦନା ଭୋଗି ନାହୁଁ, ପ୍ରସବ କରି ନାହୁଁ କିଅବା ଯୁବକଗଣର ପ୍ରତିପାଳନ କରି ନାହୁଁ, କିମ୍ବା ଯୁବତୀଗଣର ଭରଣପୋଷଣ କରି ନାହୁଁ।”
\v 5 ଏହି ସମ୍ବାଦ ମିସରରେ ଉପସ୍ଥିତ ହେଲେ, ଲୋକମାନେ ସୋର ବିଷୟକ ସମ୍ବାଦରେ ଅତ୍ୟନ୍ତ ବ୍ୟଥିତ ହେବେ।
\s5
\v 6 ତୁମ୍ଭେମାନେ ପାର ହୋଇ ତର୍ଶୀଶ‌୍‌କୁ ଯାଅ; ହେ ଦ୍ୱୀପନିବାସୀମାନେ, ହାହାକାର କର।
\v 7 ଏହି କି ତୁମ୍ଭମାନଙ୍କର ଉଲ୍ଲାସକାରିଣୀ ନଗରୀ ? ଏହା ପ୍ରାଚୀନ କାଳରେ ହେଁ ପ୍ରାଚୀନ ଥିଲା; ଏହାର ଚରଣ ଦୂର ଦେଶରେ ପ୍ରବେଶ କରିବା ପାଇଁ ଏହାକୁ ନେଇଗଲା।
\s5
\v 8 ମୁକୁଟ ବିତରଣକାରିଣୀ ସୋରର ବଣିକମାନେ ରାଜ ତୁଲ୍ୟ, ତାହାର ମହାଜନମାନେ ପୃଥିବୀର ସମ୍ଭ୍ରାନ୍ତ ଲୋକ; ତାହାର ବିପରୀତରେ ଏହି ମନ୍ତ୍ରଣା କିଏ କରିଅଛି ?
\v 9 ସୈନ୍ୟାଧିପତି ସଦାପ୍ରଭୁ ତାହାର ଭୂଷଣର ଅହଙ୍କାର ଅଶୁଚି କରିବା ଓ ପୃଥିବୀର ସମ୍ଭ୍ରାନ୍ତ ଲୋକସମସ୍ତଙ୍କୁ ତୁଚ୍ଛନୀୟ କରିବା ନିମନ୍ତେ ଏହି ମନ୍ତ୍ରଣା କରିଅଛନ୍ତି।
\s5
\v 10 ଆଗୋ ତର୍ଶୀଶ୍‍ର କନ୍ୟେ, ତୁମ୍ଭେ ନୀଳ ନଦୀ ତୁଲ୍ୟ ଆପଣା ଦେଶ ମଧ୍ୟ ଦେଇ ଯାଅ, ତୁମ୍ଭର କଟିବନ୍ଧନ ଆଉ ନାହିଁ।
\v 11 ସେ ସମୁଦ୍ର ଉପରେ ଆପଣା ହସ୍ତ ବିସ୍ତାର କରିଅଛନ୍ତି, ସେ ରାଜ୍ୟସକଳକୁ ହଲାଇ ଅଛନ୍ତି; ସଦାପ୍ରଭୁ କିଣାନର ଦୃଢ଼ ଦୁର୍ଗସବୁ ଉଚ୍ଛିନ୍ନ କରିବା ନିମନ୍ତେ ତାହାର ପ୍ରତିକୂଳରେ ଆଜ୍ଞା କରିଅଛନ୍ତି।
\v 12 ପୁଣି, ସେ କହିଲେ, “ଆଗୋ ସୀଦୋନର ଉପଦ୍ରୁତେ, ଅନୂଢ଼େ କନ୍ୟେ, ତୁମ୍ଭେ ଆଉ ଉଲ୍ଲାସ କରିବ ନାହିଁ, ଉଠ, ପାର ହୋଇ କିତ୍ତୀମକୁ ଯାଅ; ସେଠାରେ ସୁଦ୍ଧା ତୁମ୍ଭେ କିଛି ବିଶ୍ରାମ ପାଇବ ନାହିଁ।”
\s5
\v 13 କଲ୍‍ଦୀୟମାନଙ୍କର
\f +
\fr 23:13
\fq କଲ୍‍ଦୀୟମାନଙ୍କର
\ft କିମ୍ବା ବାବିଲୀୟମାନଙ୍କର
\f* ଦେଶକୁ ଦେଖ; ଏହି ଲୋକେ ଆଉ ନାହାନ୍ତି; ବନ୍ୟ ଜନ୍ତୁଗଣ ନିମନ୍ତେ ଅଶୂରୀୟ ତାହା ନିରୂପଣ କରିଅଛି; ସେମାନେ ଦୁର୍ଗ କରି ତାହାର ଅଟ୍ଟାଳିକାସକଳ ଉତ୍ପାଟନ କଲେ; ସେ ତାହା କାନ୍ଥଡ଼ାର ଢ଼ିପି କଲା।
\v 14 ହେ ତର୍ଶୀଶ୍‍ର ଜାହାଜସମୂହ, ହାହାକାର କର, କାରଣ ତୁମ୍ଭମାନଙ୍କର ଦୃଢ଼ ଦୁର୍ଗ ଉଚ୍ଛିନ୍ନ ହେଲା।
\s5
\v 15 ସେହି ଦିନ ଏପରି ଘଟିବ ଯେ, ଏକ ରାଜାର ଅଧିକାରର ସମୟ ପ୍ରମାଣେ ସୋର ସତୁରି ବର୍ଷ ପର୍ଯ୍ୟନ୍ତ ବିସ୍ମୃତ ହେବ; ସତୁରି ବର୍ଷ ଶେଷ ହେଲା ଉତ୍ତାରେ ବେଶ୍ୟାର ଗୀତ ଅନୁଯାୟୀ ସୋର ପ୍ରତି ଘଟିବ।
\v 16 ହେ ବିସ୍ମୃତ ବେଶ୍ୟେ, ବୀଣା ନେଇ ନଗର ଭ୍ରମଣ କର; ତୁମ୍ଭେ ଯେପରି ସ୍ମୃତିପଥରେ ଆସିବ, ଏଥିପାଇଁ ମଧୁର ତାଳରେ ବଜାଅ, ଅନେକ ଗୀତ ଗାଅ।
\s5
\v 17 ଆହୁରି, ସତୁରି ବର୍ଷ ସମାପ୍ତ ହେଲା ଉତ୍ତାରେ ସଦାପ୍ରଭୁ ସୋରର ତତ୍ତ୍ୱ ଅନୁସନ୍ଧାନ କରିବେ, ତହୁଁ ସେ ଆପଣା ଭଡ଼ାଟୀୟା ବୃତ୍ତିକୁ ଫେରିବ, ପୁଣି, ଭୂମଣ୍ଡଳରେ ସର୍ବତ୍ର ପୃଥିବୀସ୍ଥ ସକଳ ରାଜ୍ୟ ସଙ୍ଗେ ବେଶ୍ୟା ବୃତ୍ତି କରିବ।
\v 18 ଆଉ, ତାହାର ବାଣିଜ୍ୟ ଓ ଭଡ଼ା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ହେବ; ତାହା ଭଣ୍ଡାରରେ ରଖାଯିବ ନାହିଁ କି ସଞ୍ଚୟ କରାଯିବ ନାହିଁ; କାରଣ ଯେଉଁମାନେ ସଦାପ୍ରଭୁଙ୍କ ସମ୍ମୁଖରେ ବାସ କରନ୍ତି, ସେମାନଙ୍କର ଯଥେଷ୍ଟ ଭକ୍ଷ୍ୟ ଓ ଚିରସ୍ଥାୟୀ ବସ୍ତ୍ର ନିମନ୍ତେ ତାହାର ବାଣିଜ୍ୟ ହେବ।
\s5
\c 24
\s ସମୂଦାୟ ପୃଥିବୀର ବିଚାର
\p
\v 1 ଦେଖ, ସଦାପ୍ରଭୁ ପୃଥିବୀକୁ ଶୂନ୍ୟ ଓ ଉଜାଡ଼ କରୁଅଛନ୍ତି, ଆଉ ତାହା ଓଲଟାଇ ତହିଁର ନିବାସୀମାନଙ୍କୁ ଛିନ୍ନଭିନ୍ନ କରୁଅଛନ୍ତି।
\v 2 ତହିଁରେ ଯେପରି ଲୋକମାନଙ୍କର, ସେହିପରି ଯାଜକର; ଯେପରି ଦାସର, ସେହିପରି ତାହାର କର୍ତ୍ତାର; ଯେପରି ଦାସୀର, ସେହିପରି ତାହାର କର୍ତ୍ତ୍ରୀର; ଯେପରି କ୍ରୟକାରୀର, ସେହିପରି ବିକ୍ରୟକାରୀର; ଯେପରି ମହାଜନର, ସେହିପରି ଖାତକର; ଯେପରି ସୁଧଗ୍ରାହୀର, ସେହିପରି ସୁଧଦାତାର ପ୍ରତି ଘଟିବ।
\s5
\v 3 ପୃଥିବୀ ସମ୍ପୂର୍ଣ୍ଣ ରୂପେ ଶୂନ୍ୟ ଓ ସମ୍ପୂର୍ଣ୍ଣ ରୂପେ ଲୁଟିତ ହେବ; କାରଣ ସଦାପ୍ରଭୁ ଏହି କଥା କହିଅଛନ୍ତି।
\v 4 ପୃଥିବୀ ଶୋକ କରି ନିସ୍ତେଜ ହେଉଅଛି, ଜଗତ ମ୍ଳାନ ହୋଇ ନିସ୍ତେଜ ହେଉଅଛି, ପୃଥିବୀର ଉଚ୍ଚ ଲୋକମାନେ ମ୍ଳାନ ହୁଅନ୍ତି।
\v 5 ପୃଥିବୀ ତନ୍ନିବାସୀମାନଙ୍କ ପଦ ତଳେ ଅପବିତ୍ର ହୋଇଅଛି, କାରଣ ସେମାନେ ବ୍ୟବସ୍ଥାସବୁ ଲଙ୍ଘନ କରିଅଛନ୍ତି, ବିଧି ଅନ୍ୟଥା କରିଅଛନ୍ତି, ଅନନ୍ତକାଳସ୍ଥାୟୀ ନିୟମ ଭାଙ୍ଗିଅଛନ୍ତି।
\s5
\v 6 ଏହେତୁ ଅଭିଶାପ ପୃଥିବୀକୁ ଗ୍ରାସ କରିଅଛି ଓ ତନ୍ନିବାସୀଗଣ ଅପରାଧୀ ହୋଇଅଛନ୍ତି; ତହିଁ ନିମନ୍ତେ ପୃଥିବୀ ନିବାସୀମାନେ ଦଗ୍ଧ ହୋଇଅଛନ୍ତି ଓ ଅଳ୍ପ ଲୋକ ଅବଶିଷ୍ଟ ଅଛନ୍ତି।
\v 7 ନୂତନ ଦ୍ରାକ୍ଷାରସ ଶୋକ କରୁଅଛି, ଦ୍ରାକ୍ଷାଲତା ମ୍ଳାନ ହେଉଅଛି, ପ୍ରଫୁଲ୍ଲଚିତ୍ତ ସମସ୍ତେ ଦୀର୍ଘ ନିଶ୍ୱାସ ଛାଡ଼ୁଅଛନ୍ତି।
\s5
\v 8 ତବଲାର ଆମୋଦ ନିବୃତ୍ତ ହେଉଅଛି, ଉଲ୍ଲାସକାରୀମାନଙ୍କର ଧ୍ୱନି ଶେଷ ହେଉଅଛି, ବୀଣାର ଆନନ୍ଦ ନିବୃତ୍ତ ହେଉଅଛି।
\v 9 ଲୋକମାନେ ଗାନ ସହକାରେ ଦ୍ରାକ୍ଷାରସ ପାନ କରିବେ ନାହିଁ; ସୁରାପାୟୀମାନଙ୍କୁ ସୁରା ତିକ୍ତ ଲାଗିବ।
\s5
\v 10 ନିର୍ଜନ ନଗର ଭଗ୍ନ ହୋଇଅଛି; କୌଣସି ମନୁଷ୍ୟ ଯେପରି ଭିତରକୁ ଯାଇ ନ ପାରିବ, ଏଥିପାଇଁ ପ୍ରତ୍ୟେକ ଗୃହ ରୁଦ୍ଧ ହୋଇଅଛି।
\v 11 ଦ୍ରାକ୍ଷାରସ ସକାଶେ ସଡ଼କରେ ଚିତ୍କାର ହୁଏ; ସବୁ ପ୍ରକାର ଆନନ୍ଦ ଅନ୍ଧକାରାଚ୍ଛନ୍ନ ହୋଇଅଛି, ଦେଶର ଆମୋଦ ଯାଇଅଛି।
\s5
\v 12 ନଗରରେ ଧ୍ୱଂସତା ମାତ୍ର ଅବଶିଷ୍ଟ ଥାଏ ଓ ଦ୍ୱାର ଭଗ୍ନ ହୋଇ ବିନଷ୍ଟ ହୋଇଅଛି।
\v 13 କାରଣ ଯେପରି ଜୀତବୃକ୍ଷ ଝାଡ଼ିବା ବେଳେ ହୁଏ ଓ ଦ୍ରାକ୍ଷାଫଳ ସଂଗ୍ରହ ଉତ୍ତାରେ ଯେପରି ଦ୍ରାକ୍ଷା ସାଉଁଟିବାର ହୁଏ, ସେହିପରି ପୃଥିବୀସ୍ଥ ଗୋଷ୍ଠୀୟମାନଙ୍କ ମଧ୍ୟରେ ଘଟିବ।
\s5
\v 14 ଏମାନେ ଉଚ୍ଚ ରବ କରିବେ, ଏମାନେ ଆନନ୍ଦଧ୍ୱନି କରିବେ; ସଦାପ୍ରଭୁଙ୍କର ମହିମା ସକାଶୁ ସେମାନେ ସମୁଦ୍ରରୁ ଉଚ୍ଚ ଧ୍ୱନି କରିବେ।
\v 15 ଏହେତୁ ତୁମ୍ଭେମାନେ ପୂର୍ବଦେଶରେ ସଦାପ୍ରଭୁଙ୍କର, ଅର୍ଥାତ୍‍, ଇସ୍ରାଏଲର ପରମେଶ୍ୱର ସଦାପ୍ରଭୁଙ୍କ ନାମର ଗୌରବ ସମୁଦ୍ରର ଦ୍ୱୀପସମୂହରେ ପ୍ରକାଶ କର।
\s5
\v 16 ଧାର୍ମିକମାନେ ଶୋଭା ପାଆନ୍ତି, ଏହି ଗାନ ଆମ୍ଭେମାନେ ପୃଥିବୀର ପ୍ରାନ୍ତ ସୀମାରୁ ଶୁଣିଅଛୁ। ମାତ୍ର ମୁଁ କହିଲି, “ମୁଁ କ୍ଷୀଣ ହେଉଅଛି, ମୁଁ କ୍ଷୀଣ ହେଉଅଛି ! ମୁଁ ସନ୍ତାପର ପାତ୍ର !” ବିଶ୍ୱାସଘାତକମାନେ ବିଶ୍ୱାସଘାତକତା କରିଅଛନ୍ତି; ହଁ, ବିଶ୍ୱାସଘାତକମାନେ ଅତିଶୟ ବିଶ୍ୱାସଘାତକତା କରିଅଛନ୍ତି।”
\s5
\v 17 ହେ ପୃଥିବୀନିବାସୀ ଲୋକ, ତୁମ୍ଭ ନିମନ୍ତେ ଭୟ, ଗର୍ତ୍ତ ଓ ଫାନ୍ଦ ପ୍ରସ୍ତୁତ ଅଛି।
\v 18 ଆଉ, ଏପରି ଘଟିବ, କେହି ଯଦି ଭୟର ଶବ୍ଦରୁ ପଳାଏ, ସେ ଗର୍ତ୍ତରେ ପଡ଼ିବ; କେହି ଗର୍ତ୍ତ ମଧ୍ୟରୁ ଉଠି ଆସିଲେ, ସେ ଫାନ୍ଦରେ ଧରା ଯିବ; କାରଣ ଉର୍ଦ୍ଧ୍ୱସ୍ଥ ଝରକାସବୁ ମୁକ୍ତ ଅଛି ଓ ପୃଥିବୀର ମୂଳସବୁ କମ୍ପମାନ ହେଉଅଛି।
\s5
\v 19 ପୃଥିବୀ ନିତାନ୍ତ ବିଦୀର୍ଣ୍ଣ ହେଉଅଛି, ପୃଥିବୀ ନିତାନ୍ତ ତରଳି ଯାଇଅଛି, ପୃଥିବୀ ଅତିଶୟ ବିଚଳିତ ହୋଇଅଛି।
\v 20 ପୃଥିବୀ ମତ୍ତ ଲୋକ ପରି ଟଳଟଳ ହେବ ଓ କୁଡ଼ିଆ ଘର ପରି ଏଣେତେଣେ ଦୋହଲିବ; ଆଉ, ତାହାର ଅପରାଧ ତାହା ଉପରେ ଭାରୀ ହେବ, ତହିଁରେ ସେ ପଡ଼ିବ, ଆଉ ଉଠିବ ନାହିଁ।
\s5
\v 21 ପୁଣି, ସେହି ଦିନ ସଦାପ୍ରଭୁ ଉର୍ଦ୍ଧ୍ୱରେ ଉର୍ଦ୍ଧ୍ୱସ୍ଥମାନଙ୍କର ସୈନ୍ୟସାମନ୍ତକୁ ଓ ଭୂମଣ୍ଡଳରେ ଭୂମଣ୍ଡଳସ୍ଥ ରାଜାଗଣଙ୍କୁ ପ୍ରତିଫଳ ଦେବେ।
\v 22 ତହିଁରେ ଯେପରି ବନ୍ଦୀମାନେ କୂପରେ ଏକତ୍ରୀକୃତ ହୁଅନ୍ତି, ସେହିପରି ସେମାନେ ଏକତ୍ରୀକୃତ ହୋଇ ବନ୍ଦୀଗୃହରେ ରୁଦ୍ଧ ହେବେ, ପୁଣି, ଅନେକ ଦିନ ଉତ୍ତାରେ ସେମାନଙ୍କର ତତ୍ତ୍ୱାନୁସନ୍ଧାନ କରାଯିବ।
\v 23 ସେତେବେଳେ ଚନ୍ଦ୍ର ଅପ୍ରସ୍ତୁତ ଓ ସୂର୍ଯ୍ୟ ଲଜ୍ଜିତ ହେବ; କାରଣ ସୈନ୍ୟାଧିପତି ସଦାପ୍ରଭୁ ସିୟୋନ ପର୍ବତରେ, ଯିରୂଶାଲମରେ ଓ ତାହାଙ୍କ ପ୍ରାଚୀନବର୍ଗର ସମ୍ମୁଖରେ ମହାପ୍ରତାପରେ ରାଜତ୍ୱ କରିବେ।
\s5
\c 25
\s ପ୍ରଶଂସାର ଗୀତ
\p
\v 1 ହେ ସଦାପ୍ରଭୁ, ତୁମ୍ଭେ ମୋହର ପରମେଶ୍ୱର; ମୁଁ ତୁମ୍ଭର ଗୌରବ କରିବି, ମୁଁ ତୁମ୍ଭ ନାମର ପ୍ରଶଂସା କରିବି; କାରଣ ତୁମ୍ଭେ ଆଶ୍ଚର୍ଯ୍ୟକ୍ରିୟା, ଅର୍ଥାତ୍‍, ପୁରାତନ କାଳର ମନ୍ତ୍ରଣାସବୁ ବିଶ୍ୱସ୍ତତାରେ ଓ ସତ୍ୟରେ ସାଧନ କରିଅଛ।
\v 2 ଯେହେତୁ ତୁମ୍ଭେ ନଗରକୁ ଢିପି, ପ୍ରାଚୀରବେଷ୍ଟିତ ନଗରକୁ କାନ୍ଥଡ଼ା କରିଅଛ; ବିଦେଶୀମାନଙ୍କ ରାଜପୁରୀକୁ ବିନଷ୍ଟ କରିଅଛ; ତାହା ଆଉ କେବେ ନିର୍ମିତ ହେବ ନାହିଁ।
\v 3 ଏଥିପାଇଁ ବଳବାନ ଲୋକମାନେ ତୁମ୍ଭର ଗୌରବ କରିବେ ଓ ଭୟଙ୍କର ଗୋଷ୍ଠୀୟମାନଙ୍କ ନଗର ତୁମ୍ଭଙ୍କୁ ଭୟ କରିବ।
\s5
\v 4 କାରଣ ତୁମ୍ଭେ ଦରିଦ୍ରର ଦୃଢ଼ ଦୁର୍ଗ, ଦୀନହୀନର ସଙ୍କଟ ସମୟରେ ତାହାର ଦୃଢ଼ ଦୁର୍ଗ, ଭୟଙ୍କର ଲୋକମାନଙ୍କ ଶ୍ୱାସବାୟୁ ପ୍ରବଳ ବତାସ ତୁଲ୍ୟ ପ୍ରାଚୀରରେ ଲାଗିବା ବେଳେ ପ୍ରବଳ ବତାସ ନିବାରକ ଆଶ୍ରୟ, ତାପ ନିବାରକ ଛାୟା ହୋଇଅଛ।
\v 5 ଯେପରି ତୁମ୍ଭେ ଶୁଷ୍କ ଦେଶରେ ତାପକୁ, ସେହିପରି ବିଦେଶୀମାନଙ୍କର କୋଳାହଳକୁ ନିବାରଣ କରିବ; ଯେପରି ମେଘର ଛାୟା ଦ୍ୱାରା ତାପ, ସେହିପରି ଭୟଙ୍କର ଲୋକମାନଙ୍କର ଗାୟନ ଧ୍ୱନି କ୍ଷାନ୍ତ କରାଯିବ।
\s5
\v 6 ପୁଣି, ସୈନ୍ୟାଧିପତି ସଦାପ୍ରଭୁ ଏହି ପର୍ବତରେ ଯାବତୀୟ ଗୋଷ୍ଠୀ ନିମନ୍ତେ ଉତ୍ତମ ଉତ୍ତମ ଖାଦ୍ୟଦ୍ରବ୍ୟର ଏକ ଭୋଜ, ପୁରାତନ ଦ୍ରାକ୍ଷାରସର, ମେଦପୂର୍ଣ୍ଣ ଉତ୍ତମ ଖାଦ୍ୟଦ୍ରବ୍ୟର, ସୁନିର୍ମଳୀକୃତ ପୁରାତନ ଦ୍ରାକ୍ଷାରସର ଏକ ଭୋଜ ପ୍ରସ୍ତୁତ କରିବେ।
\v 7 ଆଉ, ସର୍ବଗୋଷ୍ଠୀୟମାନଙ୍କ ଉପରେ ଯେଉଁ ଓଢ଼ଣା ପଡ଼ିଅଛି ଓ ସର୍ବଦେଶୀୟମାନଙ୍କ ଉପରେ ଯେଉଁ ଆବରକ ବସ୍ତ୍ର ପ୍ରସାରିତ ହୋଇଅଛି, ତାହା ସେ ଏହି ପର୍ବତରେ ବିନାଶ କରିବେ।
\v 8 ସେ ମୃତ୍ୟୁୁକୁ ଅନନ୍ତ କାଳ ନିମନ୍ତେ ଗ୍ରାସ କରିଅଛନ୍ତି ଓ ପ୍ରଭୁ, ସଦାପ୍ରଭୁ, ସମସ୍ତଙ୍କ ମୁଖରୁ ଲୋତକ ଜଳ ପୋଛି ଦେବେ ଓ ସମୁଦାୟ ପୃଥିବୀରୁ ଆପଣା ଲୋକମାନଙ୍କର ଦୁର୍ନାମ ଦୂର କରିବେ; କାରଣ ସଦାପ୍ରଭୁ ଏହି କଥା କହିଅଛନ୍ତି।
\s5
\v 9 ପୁଣି, ସେହି ଦିନ ଏହି କଥା କୁହାଯିବ, “ଦେଖ, ଏହି ଆମ୍ଭମାନଙ୍କର ପରମେଶ୍ୱର; ଆମ୍ଭେମାନେ ତାହାଙ୍କୁ ଅପେକ୍ଷା କରିଅଛୁ ଓ ସେ ଆମ୍ଭମାନଙ୍କୁ ଉଦ୍ଧାର କରିବେ; ଏ ସଦାପ୍ରଭୁ ଅଟନ୍ତି; ଆମ୍ଭେମାନେ ତାହାଙ୍କୁ ଅପେକ୍ଷା କରିଅଛୁ, ଆମ୍ଭେମାନେ ତାହାଙ୍କ କୃତ ପରିତ୍ରାଣରେ ଆନନ୍ଦିତ ହୋଇ ଉଲ୍ଲାସ କରିବୁ।”
\v 10 କାରଣ ଏହି ପର୍ବତରେ ସଦାପ୍ରଭୁଙ୍କର ହସ୍ତ ଅଧିଷ୍ଠିତ ହେବ, ଆଉ ଯେପରି କୁଟା ଖତଗଦାର ଜଳରେ ପଦ ତଳେ ଦଳିତ ହୁଏ, ସେହିପରି ମୋୟାବ ସ୍ୱସ୍ଥାନରେ ଦଳିତ ହେବ।
\s5
\v 11 ଆଉ, ପହଁରିବା ଲୋକ ଯେପରି ପହଁରିବା ପାଇଁ ହସ୍ତ ବିସ୍ତାର କରେ, ସେହିପରି ସେ ତହିଁ ମଧ୍ୟରେ ଆପଣା ହସ୍ତ ବିସ୍ତାର କରିବ; ମାତ୍ର ତାହାର ହସ୍ତ-କୌଶଳ ସମେତ ସେ ତାହାର ଗର୍ବ ଖର୍ବ କରିବେ।
\v 12 ପୁଣି, ସେ ତୁମ୍ଭର ଉଚ୍ଚ ପ୍ରାଚୀରଯୁକ୍ତ ଦୃଢ଼ ଦୁର୍ଗ ନିପାତ କରି ନତ କରିଅଛନ୍ତି ଓ ତାହା ଭୂମିସାତ୍‍ କରି ଧୂଳିରେ ମିଶାଇ ଅଛନ୍ତି।
\s5
\c 26
\s ଈଶ୍ୱରଙ୍କ ଲୋକଙ୍କ ବିଜୟ
\p
\v 1 ସେହି ଦିନ ଯିହୁଦା ଦେଶରେ ଏହି ଗୀତ ଗାନ କରାଯିବ; “ଆମ୍ଭମାନଙ୍କର ଗୋଟିଏ ଦୃଢ଼ ନଗର ଅଛି; ସେ ପରିତ୍ରାଣକୁ ତହିଁର ପ୍ରାଚୀର ଓ ପରିଖା ସ୍ୱରୂପ କରିବେ।
\v 2 ସତ୍ୟପାଳନକାରୀ ଧାର୍ମିକ ଗୋଷ୍ଠୀ ଯେପରି ପ୍ରବେଶ କରି ପାରିବେ, ଏଥିପାଇଁ ତୁମ୍ଭେମାନେ ନଗରର ଦ୍ୱାରସବୁ ମୁକ୍ତ କର।
\s5
\v 3 ଯାହାର ମନ ତୁମ୍ଭଠାରେ ସ୍ଥିର ଥାଏ, ତାହାକୁ ତୁମ୍ଭେ ସମ୍ପୂର୍ଣ୍ଣ ଶାନ୍ତିରେ ରଖିବ; କାରଣ ସେ ତୁମ୍ଭଠାରେ ନିର୍ଭର ରଖେ।
\v 4 ତୁମ୍ଭେମାନେ ସଦାକାଳ ସଦାପ୍ରଭୁଙ୍କଠାରେ ନିର୍ଭର ରଖ; କାରଣ ସଦାପ୍ରଭୁ ଯିହୋବାଃଙ୍କଠାରେ ଅନନ୍ତକାଳସ୍ଥାୟୀ ଶୈଳ ଅଛି।
\s5
\v 5 ପୁଣି, ସେ ଉର୍ଦ୍ଧ୍ୱସ୍ଥାନ ନିବାସୀମାନଙ୍କୁ, ଉନ୍ନତ ନଗରକୁ ଅବନତ କରିଅଛନ୍ତି; ସେ ତାହା ଅବନତ କରି ଭୂମିସାତ୍‍ କରନ୍ତି; ସେ ତାହାକୁ ଧୂଳିରେ ମିଶାଇ ଦିଅନ୍ତି।
\v 6 ପାଦ, ଦରିଦ୍ରମାନଙ୍କର ପାଦ ଓ ଦୀନହୀନମାନଙ୍କ ପାଦବିକ୍ଷେପ ତାହା ଦଳିତ କରିବ।
\s5
\v 7 ଧାର୍ମିକର ମାର୍ଗ ସରଳ; ଯଥାର୍ଥିକ ଯେ ତୁମ୍ଭେ, ତୁମ୍ଭେ ଧାର୍ମିକର ପଥ ଦେଖାଉଅଛ।
\v 8 ହେ ସଦାପ୍ରଭୁ, ଆମ୍ଭେମାନେ ତୁମ୍ଭ ଶାସନ ମାର୍ଗରେ ତୁମ୍ଭ ଅପେକ୍ଷାରେ ରହିଅଛୁ; ତୁମ୍ଭର ନାମ ଓ ତୁମ୍ଭର ସ୍ମରଣ ଚିହ୍ନ ପ୍ରତି ଆମ୍ଭମାନଙ୍କର ପ୍ରାଣର ଆକାଂକ୍ଷା ଅଛି।
\v 9 ରାତ୍ରିକାଳରେ ମୁଁ ଆପଣା ପ୍ରାଣ ସହିତ ତୁମ୍ଭର ଆକାଂକ୍ଷା କରିଅଛି; ହଁ, ମୁଁ ଆପଣା ଅନ୍ତରସ୍ଥ ଆତ୍ମା ସହିତ ଶୀଘ୍ର ତୁମ୍ଭର ଅନ୍ୱେଷଣ କରିବି; କାରଣ ପୃଥିବୀରେ ତୁମ୍ଭର ଶାସନସକଳ ପ୍ରକାଶିତ ହେଲେ ଜଗନ୍ନିବାସୀମାନେ ଧର୍ମ ଶିକ୍ଷା କରନ୍ତି।
\s5
\v 10 ଦୁଷ୍ଟ ଲୋକ ପ୍ରତି ଦୟା ପ୍ରକାଶ କରାଗଲେ ହେଁ ସେ ଧର୍ମ ଶିଖିବ ନାହିଁ; ସରଳତାର ଦେଶରେ ସେ ଅନ୍ୟାୟ କରିବ ଓ ସଦାପ୍ରଭୁଙ୍କର ମହିମାକୁ ଅନାଇବ ନାହିଁ।
\s5
\v 11 ହେ ସଦାପ୍ରଭୁ, ତୁମ୍ଭର ହସ୍ତ ଉତ୍ଥିତ ହୋଇଅଛି, ତଥାପି ସେମାନେ ଦେଖନ୍ତି ନାହିଁ, ମାତ୍ର ଲୋକମାନଙ୍କ ପକ୍ଷରେ ତୁମ୍ଭର ଉଦ୍‍ଯୋଗ ଦେଖି ସେମାନେ ଲଜ୍ଜିତ ହେବେ; ହଁ, ଅଗ୍ନି ତୁମ୍ଭ ବିପକ୍ଷଗଣକୁ ଗ୍ରାସ କରିବ।
\v 12 ହେ ସଦାପ୍ରଭୁ, ତୁମ୍ଭେ ଆମ୍ଭମାନଙ୍କ ନିମନ୍ତେ ଶାନ୍ତି ନିରୂପଣ କରିବ; କାରଣ ତୁମ୍ଭେ ଆମ୍ଭମାନଙ୍କ ନିମନ୍ତେ ଆମ୍ଭମାନଙ୍କର ସକଳ କାର୍ଯ୍ୟ ସାଧନ କରିଅଛ।
\s5
\v 13 ହେ ସଦାପ୍ରଭୁ, ଆମ୍ଭମାନଙ୍କ ପରମେଶ୍ୱର, ତୁମ୍ଭ ଛଡ଼ା ଅନ୍ୟ ପ୍ରଭୁମାନେ ଆମ୍ଭମାନଙ୍କ ଉପରେ ରାଜତ୍ୱ କରିଥିଲେ, ମାତ୍ର କେବଳ ତୁମ୍ଭ ଦ୍ୱାରା ଆମ୍ଭେମାନେ ତୁମ୍ଭ ନାମର କୀର୍ତ୍ତନ କରିବା।
\v 14 ସେମାନେ ମରିଅଛନ୍ତି, ସେମାନେ ଆଉ ଜୀବିତ ହେବେ ନାହିଁ; ସେମାନେ ମୃତ ହୋଇଅଛନ୍ତି, ସେମାନେ ଉଠିବେ ନାହିଁ; ଏହେତୁ ତୁମ୍ଭେ ପ୍ରତିଫଳ ଦେଇ ସେମାନଙ୍କୁ ସଂହାର କରିଅଛ ଓ ସେମାନଙ୍କ ସ୍ମରଣ ଲୁପ୍ତ କରିଅଛ।
\s5
\v 15 ତୁମ୍ଭେ ଏ ଦେଶୀୟ ଲୋକଙ୍କୁ ବୃଦ୍ଧି କରିଅଛ, ହେ ସଦାପ୍ରଭୁ, ତୁମ୍ଭେ ଏହି ଦେଶୀୟ ଲୋକଙ୍କୁ ବୃଦ୍ଧି କରିଅଛ; ତୁମ୍ଭେ ଗୌରବାନ୍ୱିତ ହୋଇଅଛ; ତୁମ୍ଭେ ଦେଶର ସୀମାସକଳ ବିସ୍ତାର କରିଅଛ।
\s5
\v 16 ହେ ସଦାପ୍ରଭୁ, ସଙ୍କଟ ସମୟରେ ସେମାନେ ତୁମ୍ଭର ଅନ୍ୱେଷଣ କରିଅଛନ୍ତି, ତୁମ୍ଭର ଶାସ୍ତି ସେମାନଙ୍କ ଉପରେ ଥିବା ବେଳେ ସେମାନେ ପ୍ରାର୍ଥନା ଢାଳି ପକାଇଲେ।
\v 17 ଗର୍ଭିଣୀ ପ୍ରସବକାଳର ନିକଟବର୍ତ୍ତୀ ହେବା ବେଳେ ଯେପରି ବ୍ୟଥିତା ହୁଏ ଓ ବେଦନାରେ କ୍ରନ୍ଦନ କରେ, ସେହିପରି ହେ ସଦାପ୍ରଭୁ, ଆମ୍ଭେମାନେ ତୁମ୍ଭ ସାକ୍ଷାତରେ ହୋଇଅଛୁ।
\s5
\v 18 ଆମ୍ଭେମାନେ ଗର୍ଭିଣୀ ହୋଇଅଛୁ, ଆମ୍ଭେମାନେ ବ୍ୟଥିତା ହୋଇ ବାୟୁ ପ୍ରସବ କରିଅଛୁ; ଆମ୍ଭେମାନେ ଦେଶର ଉଦ୍ଧାର ସାଧନ କରି ନାହୁଁ; କିଅବା ଜଗନ୍ନିବାସୀମାନେ ଭୂମିଷ୍ଠ ହୋଇ ନାହାନ୍ତି।
\s5
\v 19 ତୁମ୍ଭର ମୃତମାନେ ଜୀବିତ ହେବେ; ମୋହର ଶବସବୁ ଉଠିବେ। ହେ ଧୂଳିନିବାସୀମାନେ,
\f +
\fr 26:19
\ft ଅର୍ଥାତ୍ ମୃତ୍ୟୁ ଲୋକମାନେ
\f* ତୁମ୍ଭେମାନେ ଉଠି ଗାନ କର; କାରଣ ତୁମ୍ଭର ଶିଶିର ତୃଣର ଶିଶିର ତୁଲ୍ୟ ଓ ଭୂମି ମୃତମାନଙ୍କୁ ବାହାର କରି ଦେବ।
\s5
\v 20 ହେ ମୋହର ଲୋକେ, ଆସ, ତୁମ୍ଭର ଅନ୍ତରାଳୟରେ ପ୍ରବେଶ କରି ତୁମ୍ଭ ଚାରିଆଡ଼େ ଦ୍ୱାର ରୁଦ୍ଧ କର; କ୍ରୋଧ ବହି ଯିବାଯାଏ ଅଳ୍ପ କ୍ଷଣ ଆପଣାକୁ ଲୁଚାଅ।
\v 21 କାରଣ ଦେଖ, ସଦାପ୍ରଭୁ ପୃଥିବୀ ନିବାସୀମାନଙ୍କର ଅପରାଧ ସକାଶେ ସେମାନଙ୍କୁ ଶାସ୍ତି ଦେବା ପାଇଁ ଆପଣା ସ୍ଥାନରୁ ବାହାର ହୋଇ ଆସୁଅଛନ୍ତି; ପୃଥିବୀ ହିଁ ଆପଣା ମଧ୍ୟସ୍ଥ ରକ୍ତ ପ୍ରକାଶ କରିବ ଓ ଆପଣା ହତ ଲୋକମାନଙ୍କୁ ଆଉ ଆଚ୍ଛାଦନ କରିବ ନାହିଁ।”
\s5
\c 27
\s ଇସ୍ରାଏଲର ଉଦ୍ଧାର
\p
\v 1 ସେହି ଦିନ ସଦାପ୍ରଭୁ ଆପଣାର ନିର୍ଦ୍ଧୟ, ବୃହତ ଓ ଶକ୍ତିଶାଳୀ ଖଡ୍ଗ ଦ୍ୱାରା ଦ୍ରୁତଗାମୀ ସର୍ପ ଲିବିୟାଥନକୁ ଓ ବକ୍ରଗାମୀ ସର୍ପ ଲିବୀୟାଥନକୁ ପ୍ରତିଫଳ ଦେବେ; ଆଉ, ସେ ସମୁଦ୍ରସ୍ଥ ଦୀର୍ଘକାୟ ଜନ୍ତୁକୁ ନଷ୍ଟ କରିବେ।
\v 2 ସେହି ଦିନରେ ଏକ ଦ୍ରାକ୍ଷାକ୍ଷେତ୍ର ଅଛି, ତୁମ୍ଭେମାନେ ତହିଁର ଉଦ୍ଦେଶ୍ୟରେ ଗାନ କର।
\v 3 “ଆମ୍ଭେ ସଦାପ୍ରଭୁ ତାହା ରକ୍ଷା କରୁ; ଆମ୍ଭେ ନିମିଷକୁ ନିମିଷ ତହିଁରେ ଜଳ ସେଚନ କରିବା; କେହି ଯେପରି ତାହାର କ୍ଷତି ନ କରେ, ଏଥିପାଇଁ ଆମ୍ଭେ ଦିବାରାତ୍ର ତାହା ରକ୍ଷା କରିବା।
\s5
\v 4 ଆମ୍ଭଠାରେ କ୍ରୋଧ ନାହିଁ; ଆଃ, ଯଦି କାନକୋଳି ଓ କଣ୍ଟକ ବୃକ୍ଷସବୁ ଯୁଦ୍ଧରେ ଆମ୍ଭର ବିପକ୍ଷ ହୁଅନ୍ତେ ! ତେବେ ଆମ୍ଭେ ଆକ୍ରମଣ କରି ସେହି ସବୁକୁ ଏକାବେଳେ ଦଗ୍ଧ କରନ୍ତୁ।
\v 5 ନଚେତ୍ ଆମ୍ଭ ସଙ୍ଗେ ମିଳନ କରିବା ପାଇଁ ସେ ଆମ୍ଭ ପରାକ୍ରମର ଅବଲମ୍ବନ କରୁ; ହଁ, ସେ ଆମ୍ଭ ସଙ୍ଗେ ମିଳନ କରୁ।
\s5
\v 6 ଭବିଷ୍ୟତ କାଳରେ ଯାକୁବ ଚେର ବାନ୍ଧିବ; ଇସ୍ରାଏଲ ମୁକ୍ତ ଓ ପ୍ରଫୁଲ୍ଲ ହେବ ଓ ସେମାନେ ଭୂମଣ୍ଡଳକୁ ଫଳରେ ପରିପୂର୍ଣ୍ଣ କରିବେ।”
\s5
\v 7 ତାହାର ପ୍ରହାରକାରୀମାନଙ୍କୁ ସେ ଯେପରି ପ୍ରହାର କଲେ, ସେହିପରି ସେ କି ତାହାକୁ ପ୍ରହାର କରିଅଛନ୍ତି ? ଅବା, ତାହା ଦ୍ୱାରା ହତ ଲୋକମାନଙ୍କ ତୁଲ୍ୟ ସେ କି ହତ ହୋଇଅଛି ?
\v 8 ତୁମ୍ଭେ ତାହାକୁ ବାହାର କରିବା ବେଳେ ପରିତ୍ରାଣକ୍ରମେ ତାହା ସଙ୍ଗେ ବିବାଦ କରୁଅଛ; ସେ ପୂର୍ବୀୟ ବାୟୁ ଦିନରେ ନିଜ ପ୍ରବଳ ବାୟୁ ଦ୍ୱାରା ତାହାକୁ ସ୍ଥାନାନ୍ତରିତ କରିଅଛନ୍ତି।
\s5
\v 9 ଏହେତୁ ଏହା ଦ୍ୱାରା ଯାକୁବର ଅପରାଧ ମାର୍ଜିତ ହେବ ଓ ତାହାର ପାପ ଦୂରୀକୃତ ହେବାର ସମସ୍ତ ଫଳ ଏହି; ସେ ଯଜ୍ଞବେଦିର ପ୍ରସ୍ତର ସବୁକୁ ଚୂନର ଭଗ୍ନ ପ୍ରସ୍ତର ତୁଲ୍ୟ କଲେ, ଆଶେରା ମୂର୍ତ୍ତି ଓ ସୂର୍ଯ୍ୟ ପ୍ରତିମାସବୁ ଆଉ ଉଠିବେ ନାହିଁ।
\s5
\v 10 କାରଣ ସୁଦୃଢ଼ ନଗର ପ୍ରାନ୍ତରର ତୁଲ୍ୟ ନିର୍ଜନ, ଲୋକ ବିବର୍ଜିତ ଓ ପରିତ୍ୟକ୍ତ ବସତି ସ୍ଥାନ ହୋଇଅଛି; ସେହି ସ୍ଥାନରେ ଗୋବତ୍ସ ଚରିବ ଓ ଶୟନ କରିବ, ପୁଣି, ବୃକ୍ଷର ଶାଖାସବୁ ଗ୍ରାସ କରିବ।
\v 11 ତହିଁର ଡାଳସବୁ ଶୁଷ୍କ ହେଲେ ଭଙ୍ଗା ଯିବ; ସ୍ତ୍ରୀମାନେ ଆସି ତହିଁରେ ଅଗ୍ନି ଲଗାଇବେ; କାରଣ ସେହି ଲୋକମାନେ ବୁଦ୍ଧିହୀନ; ଏହେତୁ ଯେ ସେମାନଙ୍କୁ ନିର୍ମାଣ କଲେ, ସେ ସେମାନଙ୍କ ପ୍ରତି ଦୟା କରିବେ ନାହିଁ ଓ ଯେ ସେମାନଙ୍କୁ ଗଢ଼ିଲେ, ସେ ସେମାନଙ୍କ ପ୍ରତି ଅନୁଗ୍ରହ ପ୍ରକାଶ କରିବେ ନାହିଁ।
\s5
\v 12 ସେହି ଦିନ ସଦାପ୍ରଭୁ ପ୍ଲାବିତ ନଦୀ ସୀମା ମିସରର ସ୍ରୋତ ପର୍ଯ୍ୟନ୍ତ ଆପଣା ଫଳ ଝାଡ଼ିବେ, ପୁଣି, ହେ ଇସ୍ରାଏଲ ସନ୍ତାନଗଣ, ତୁମ୍ଭେମାନେ ଏକ ଏକ ହୋଇ ସଂଗୃହୀତ ହେବ।
\v 13 ଆଉ, ସେହି ଦିନରେ ଏକ ବୃହତ ତୂରୀ ବାଜିବ; ପୁଣି, ଅଶୂର ଦେଶରେ ନଷ୍ଟକଳ୍ପ ଓ ମିସର ଦେଶରେ ତାଡ଼ିତ ଲୋକମାନେ ଆସିବେ; ପୁଣି, ସେମାନେ ଯିରୂଶାଲମର ପବିତ୍ର ପର୍ବତରେ ସଦାପ୍ରଭୁଙ୍କୁ ପ୍ରଣାମ କରିବେ।
\s5
\c 28
\s ଇଫ୍ରୟିମ ଓ ଯିରୂଶାଲମ ପ୍ରତି ବିଚାର
\p
\v 1 ଇଫ୍ରୟିମର ମତ୍ତ ଲୋକମାନଙ୍କର ଓ ଦ୍ରାକ୍ଷାରସରେ ପରାସ୍ତ ଲୋକମାନଙ୍କର ଦର୍ପସୂଚକ ମୁକୁଟ, ଫଳଶାଳୀ ଉପତ୍ୟକାର ମସ୍ତକରେ ଥିବା ତାହାର ସୁନ୍ଦର ଭୂଷଣ ସ୍ୱରୂପ ମ୍ଳାନପ୍ରାୟ ପୁଷ୍ପ, ସନ୍ତାପର ପାତ୍ର !
\v 2 ଦେଖ ପ୍ରଭୁଙ୍କର ଜଣେ ବଳବାନ ଓ ସାହସିକ ଲୋକ ଅଛି; ସେ ଶିଳାଯୁକ୍ତ ଝଡ଼ର, ପ୍ରଳୟକାରୀ ବତାସର ନ୍ୟାୟ, ଶୀଘ୍ର ଧାବମାନ ପ୍ରବଳ ଜଳର ଝଡ଼ ତୁଲ୍ୟ, ହସ୍ତ ଦ୍ୱାରା ଭୂମିରେ ନିକ୍ଷେପ କରିବ।
\s5
\v 3 ଇଫ୍ରୟିମର ମତ୍ତ ଲୋକମାନଙ୍କର ଦର୍ପସୂଚକ ମୁକୁଟ ପଦ ତଳେ ଦଳିତ ହେବ;
\v 4 ଆଉ, ଫଳଶାଳୀ ଉପତ୍ୟକାର ମସ୍ତକରେ ସ୍ଥିତ ତାହାର ସୁନ୍ଦର ଭୂଷଣର ମ୍ଳାନପ୍ରାୟ ପୁଷ୍ପ, ଗ୍ରୀଷ୍ମକାଳ ପୂର୍ବରେ ଆଦ୍ୟପକ୍ୱ ଡିମ୍ୱିରି ଫଳ ତୁଲ୍ୟ ହେବ; ଯାହା କେହି ଦେଖିବା ମାତ୍ର ଲକ୍ଷ୍ୟ କରେ ଓ ହସ୍ତରେ ଧରିବା ମାତ୍ର ଗ୍ରାସ କରେ।
\s5
\v 5 ସେହି ଦିନରେ ସୈନ୍ୟାଧିପତି ସଦାପ୍ରଭୁ ଆପଣା ଲୋକମାନଙ୍କ ଅବଶିଷ୍ଟାଂଶ ନିମନ୍ତେ ସୁନ୍ଦର ମୁକୁଟ ଓ ଶୋଭାକର କିରୀଟ ସ୍ୱରୂପ ହେବେ;
\v 6 ପୁଣି, ବିଚାର କରିବା ନିମନ୍ତେ ଉପବିଷ୍ଟ ଲୋକ ପ୍ରତି ବିଚାରଜନକ ଆତ୍ମା ଓ ଯେଉଁମାନେ ନଗର ଦ୍ୱାରରେ ଯୁଦ୍ଧ ଫେରାଇ ଦିଅନ୍ତି, ସେମାନଙ୍କ ପ୍ରତି ବଳ ସ୍ୱରୂପ ହେବେ।
\s5
\v 7 ମାତ୍ର ଏମାନେ ହିଁ ଦ୍ରାକ୍ଷାରସରେ ଭ୍ରାନ୍ତ ହୋଇଅଛନ୍ତି ଓ ସୁରାପାନ ଦ୍ୱାରା ବିପଥରେ ଯାଇଅଛନ୍ତି; ଯାଜକ ଓ ଭବିଷ୍ୟଦ୍‍ବକ୍ତା ସୁରାପାନ ଦ୍ୱାରା ଭ୍ରାନ୍ତ ହୋଇଅଛନ୍ତି, ଦ୍ରାକ୍ଷାରସ ସେମାନଙ୍କୁ ଗ୍ରାସ କରିଅଛି, ସୁରାପାନ ଦ୍ୱାରା ସେମାନେ ବିପଥରେ ଯାଇଅଛନ୍ତି; ସେମାନେ ଦର୍ଶନରେ ଭ୍ରାନ୍ତ ହୁଅନ୍ତି, ବିଚାରରେ ଝୁଣ୍ଟି ପଡ଼ନ୍ତି।
\v 8 କାରଣ, ମେଜସବୁ ବାନ୍ତି ଓ ମଳରେ ପରିପୂର୍ଣ୍ଣ, କୌଣସି ପରିଷ୍କୃତ ସ୍ଥାନ ନାହିଁ।
\s5
\v 9 ସେ କାହାକୁ ଜ୍ଞାନ ଶିକ୍ଷା ଦେବ ? ସେ କାହାକୁ ସମାଚାର ବୁଝାଇ ଦେବ ? କି ଦୁଗ୍ଧତ୍ୟାଗୀ ଓ ସ୍ତନ୍ୟପାନରୁ ନିବୃତ୍ତ ଶିଶୁମାନଙ୍କୁ ?
\v 10 କାରଣ, ଏ ତ ବିଧି ଉପରେ ବିଧି, ବିଧି ଉପରେ ବିଧି; ଧାଡ଼ି ଉପରେ ଧାଡ଼ି, ଧାଡ଼ି ଉପରେ ଧାଡ଼ି; ଏଠି ଅଳ୍ପ, ସେଠି ଅଳ୍ପ।
\s5
\v 11 ନା, ମାତ୍ର ସେ ବିଦେଶୀୟ ଓଷ୍ଠାଧର ଓ ପରଭାଷା ଦ୍ୱାରା ଏହି ଲୋକମାନଙ୍କୁ କଥା କହିବେ;
\v 12 ସେ ସେମାନଙ୍କୁ କହିଲେ, “ଏହି ବିଶ୍ରାମ, ତୁମ୍ଭେମାନେ କ୍ଳାନ୍ତ ଲୋକମାନଙ୍କୁ ବିଶ୍ରାମ ଦିଅନ୍ତି, ପୁଣି, ଏହି ତ ଆରାମ,” ମାତ୍ର ସେମାନେ ଶୁଣିବାକୁ ସମ୍ମତ ହେଲେ ନାହିଁ।
\s5
\v 13 ଏହେତୁ ସେମାନେ ଯେପରି ଯାଇ ପଶ୍ଚାତ୍‍ ପଡ଼ି ଭଗ୍ନ ହେବେ, ଫାନ୍ଦରେ ପଡ଼ିବେ ଓ ଧୃତ ହେବେ, ଏଥିପାଇଁ ସେମାନଙ୍କ ପ୍ରତି ସଦାପ୍ରଭୁଙ୍କର ବାକ୍ୟ ବିଧି ଉପରେ ବିଧି, ବିଧି ଉପରେ ବିଧି; ଧାଡ଼ି ଉପରେ ଧାଡ଼ି, ଧାଡ଼ି ଉପରେ ଧାଡ଼ି; ଏଠି ଅଳ୍ପ, ସେଠି ଅଳ୍ପ ହେବ।
\s ସିୟୋନର କୋଣ ପଥର
\p
\s5
\v 14 ଏହେତୁ ହେ ଯିରୂଶାଲମସ୍ଥ ଲୋକମାନଙ୍କର ଶାସନକାରୀ ନିନ୍ଦକମାନେ, ତୁମ୍ଭେମାନେ ସଦାପ୍ରଭୁଙ୍କର ବାକ୍ୟ ଶୁଣ;
\v 15 ତୁମ୍ଭେମାନେ କହିଅଛ, “ଆମ୍ଭେମାନେ ମୃତ୍ୟୁୁ ସଙ୍ଗେ ନିୟମ କରିଅଛୁ ଓ ପାତାଳ ସଙ୍ଗେ ଆମ୍ଭମାନଙ୍କର ସନ୍ଧି ଅଛି; ଏହେତୁ ଜଳପ୍ରଳୟରୂପ କୋରଡ଼ା ଉପସ୍ଥିତ ହେବା ବେଳେ ତାହା ଆମ୍ଭମାନଙ୍କ ନିକଟକୁ ଆସିବ ନାହିଁ; କାରଣ ଆମ୍ଭେମାନେ ମିଥ୍ୟାକୁ ଆପଣାମାନଙ୍କର ଆଶ୍ରୟ କରିଅଛୁ ଓ ଅସତ୍ୟର ତଳେ ଆମ୍ଭେମାନେ ଆପଣାମାନଙ୍କୁ ଲୁଚାଇଅଛୁ,”
\s5
\v 16 ଏଥିପାଇଁ ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି, “ଦେଖ, ଆମ୍ଭେ ଭିତ୍ତିମୂଳ ନିମନ୍ତେ ସିୟୋନରେ ଏକ ପ୍ରସ୍ତର, ପରୀକ୍ଷାସିଦ୍ଧ ପ୍ରସ୍ତର, ଦୃଢ଼ ଭିତ୍ତିମୂଳ ସ୍ୱରୂପ ବହୁମୂଲ୍ୟ କୋଣପ୍ରସ୍ତର ସ୍ଥାପନ କରୁଅଛୁ; ଯେ ବିଶ୍ୱାସ କରେ, ସେ ଚଞ୍ଚଳ ହେବ ନାହିଁ।
\s5
\v 17 ପୁଣି, ଆମ୍ଭେ ନ୍ୟାୟ ବିଚାରକୁ ପରିମାଣ ରଜ୍ଜୁ ଓ ଧାର୍ମିକତାକୁ ଓଳମ କରିବା; ଆଉ, ଶିଳାବୃଷ୍ଟି ମିଥ୍ୟାରୂପ ଆଶ୍ରୟକୁ ବିନାଶ କରିବ ଓ ଜଳରାଶି ଲୁଚିବା ସ୍ଥାନକୁ ମଗ୍ନ କରିବ।
\s5
\v 18 ପୁଣି, ମୃତ୍ୟୁୁ ସହିତ ତୁମ୍ଭମାନଙ୍କର କୃତ ନିୟମ ରହିତ କରାଯିବ ଓ ପାତାଳ ସଙ୍ଗେ ତୁମ୍ଭମାନଙ୍କ ସନ୍ଧି ସ୍ଥିର ରହିବ ନାହିଁ; ଜଳପ୍ରଳୟରୂପ କୋରଡ଼ା ଉପସ୍ଥିତ ହେବା ବେଳେ ତୁମ୍ଭେମାନେ ତଦ୍ଦ୍ୱାରା ଦଳିତ ହେବ।
\v 19 ତାହା ଯେତେଥର ଉପସ୍ଥିତ ହେବ, ସେତେଥର ତୁମ୍ଭମାନଙ୍କୁ ଧରିବ; କାରଣ ପ୍ରଭାତକୁ ପ୍ରଭାତ, ଦିବସ ଓ ରାତ୍ରି ତାହା ଉପସ୍ଥିତ ହେବ; ଆଉ, ସେହି ସମାଚାର ବୁଝିବାର କେବଳ ତ୍ରାସଜନକ ହେବ।
\s5
\v 20 କାରଣ, ଆପଣାକୁ ଲମ୍ବାଇବା ପାଇଁ ମନୁଷ୍ୟର ଶଯ୍ୟା ସାନ ଓ ଆପଣାକୁ ଘୋଡ଼ାଇବା ପାଇଁ ବସ୍ତ୍ର ଅଣଓସାର।
\v 21 ଯେହେତୁ ସଦାପ୍ରଭୁ, ଯେପରି ପରାସୀମ ପର୍ବତରେ, ସେହିପରି ଉଠିବେ, ଯେପରି ଗିବୀୟୋନ୍‍ର ତଳଭୂମିରେ, ସେହିପରି ସେ କ୍ରୋଧ କରିବେ; ତହିଁରେ ସେ ଆପଣାର କାର୍ଯ୍ୟ, ଆପଣାର ଅଦ୍ଭୁତ କାର୍ଯ୍ୟ ସିଦ୍ଧ କରିବେ ଓ ଆପଣାର ବ୍ୟାପାର ଓ ଆପଣାର ଅଦ୍ଭୁତ ବ୍ୟାପାର ସମ୍ପନ୍ନ କରିବେ।
\s5
\v 22 ଏହେତୁ ଏବେ ତୁମ୍ଭେମାନେ ନିନ୍ଦକ ହୁଅ ନାହିଁ, ପଛେ ଅବା ତୁମ୍ଭମାନଙ୍କର ବନ୍ଧନ ଦୃଢ଼ ହୁଏ; କାରଣ ପ୍ରଭୁ, ସୈନ୍ୟାଧିପତି ସଦାପ୍ରଭୁଙ୍କଠାରୁ ଆମ୍ଭେ ସମୁଦାୟ ପୃଥିବୀ ଉପରେ ଉଚ୍ଛିନ୍ନତାର, ନିରୂପିତ ଉଚ୍ଛିନ୍ନତାର କଥା ଶୁଣିଅଛୁ।
\s5
\v 23 ତୁମ୍ଭେମାନେ କର୍ଣ୍ଣ ଦେଇ ଆମ୍ଭର ରବ ଶୁଣ; ମନୋଯୋଗ କରି ଆମ୍ଭର ବାକ୍ୟ ଶ୍ରବଣ କର।
\v 24 କୃଷକ ବୀଜ ବୁଣିବା ପାଇଁ କ’ଣ ନିତ୍ୟ ହଳ ବୁଲାଏ ? ସେ କ’ଣ ନିତ୍ୟ ଶିଆର କରି ଆପଣାର ଭୂମିର ଟେଳା ଭାଙ୍ଗେ ?
\s5
\v 25 ସେ କ’ଣ ଭୂମିର ଉପରଭାଗ ସମାନ କଲା ଉତ୍ତାରେ କଳାଜୀରା ବିଞ୍ଚି ଦିଏ ନାହିଁ ଓ ଜୀରା ବୁଣେ ନାହିଁ ଓ ଧାଡ଼ି ଧାଡ଼ି କରି ଗହମ, ନିରୂପିତ ସ୍ଥାନରେ ଯବ ଓ କ୍ଷେତ୍ରର ସୀମାରେ କ’ଣ ଜହ୍ନା ବୁଣେ ନାହିଁ ?
\v 26 କାରଣ, ତାହାର ପରମେଶ୍ୱର ତାହାକୁ ଯଥାର୍ଥ ଉପଦେଶ ଦିଅନ୍ତି ଓ ସେ ତାହାକୁ ଶିଖାନ୍ତି।
\s5
\v 27 ଯେହେତୁ କଳାଜୀରା କୌଣସି ତୀକ୍ଷ୍ଣ ଅସ୍ତ୍ରରେ ମର୍ଦ୍ଦିତ ହୁଏ ନାହିଁ, କିଅବା ଜୀରା ଉପରେ ଶକଟ ଚକ୍ର ବୁଲାଯାଏ ନାହିଁ; ମାତ୍ର କଳାଜୀରା ଯଷ୍ଟିରେ ଓ ଜୀରା ଦଣ୍ଡରେ ପିଟାଯାଏ।
\v 28 ରୁଟିର ଶସ୍ୟ ଚୂର୍ଣ୍ଣ କରାଯାଏ; କାରଣ ସେ ଚିରକାଳ ତାହା ମର୍ଦ୍ଦନ କରିବ ନାହିଁ; ଆଉ, ଯଦ୍ୟପି ତାହାର ଶକଟ ଚକ୍ର ଓ ତାହାର ଅଶ୍ୱଗଣ ତାହା ଛିନ୍ନଭିନ୍ନ କରି ପକାନ୍ତି, ତଥାପି ସେ ତାହା ଚୂର୍ଣ୍ଣ କରେ ନାହିଁ।
\s5
\v 29 ଏହା ହିଁ ସୈନ୍ୟାଧିପତି ସଦାପ୍ରଭୁଙ୍କଠାରୁ ହୁଏ, ସେ ମନ୍ତ୍ରଣାରେ ଆଶ୍ଚର୍ଯ୍ୟ ଓ ଜ୍ଞାନରେ ମହାନ।
\s5
\c 29
\s ଯିରୂଶାଲମର ଅବରୋଧ
\p
\v 1 ହାୟ ଅରୀୟେଲ, ଅରୀୟେଲ, ଦାଉଦର ଛାଉଣି ନଗର ! ବର୍ଷକୁ ବର୍ଷ ଯୋଗ କର; ପର୍ବମାନ ପାଳି ଅନୁକ୍ରମେ ଆସୁ;
\v 2 ତେବେ ଆମ୍ଭେ ଅରୀୟେଲ ପ୍ରତି ଦୁଃଖ ଘଟାଇବା, ତହୁଁ ଶୋକ ଓ ବିଳାପ ହେବ ଓ ତାହା ଆମ୍ଭ ପ୍ରତି ଅରୀୟେଲ (ଦାହସ୍ଥାନ) ତୁଲ୍ୟ ହେବ।
\s5
\v 3 ପୁଣି, ଆମ୍ଭେ ଚତୁର୍ଦ୍ଦିଗରେ ତୁମ୍ଭ ବିରୁଦ୍ଧରେ ଛାଉଣି ସ୍ଥାପନ କରିବା ଓ ଗଡ଼ବନ୍ଦୀ କରି ତୁମ୍ଭକୁ ବେଷ୍ଟନ କରିବା ଓ ତୁମ୍ଭ ପ୍ରତିକୂଳରେ ଅବରୋଧକ ଉପାୟ ପ୍ରସ୍ତୁତ କରିବା।
\v 4 ତହିଁରେ ତୁମ୍ଭେ ଅବନତ ହେବ ଓ ଭୂମିରୁ କଥା କହିବ ଓ ଧୂଳିରୁ ତୁମ୍ଭର କଥା କ୍ଷୀଣ ସ୍ୱରଯୁକ୍ତ ହେବ; ଆଉ, ଭୂତୁଡ଼ିଆର ନ୍ୟାୟ ତୁମ୍ଭର ରବ ଭୂମିରୁ ବାହାରିବ ଓ ଧୂଳିରୁ ତୁମ୍ଭ କଥାର ଫୁସ୍‍ଫୁସ୍‍ ଶବ୍ଦ ଉଠିବ।
\s5
\v 5 ମାତ୍ର ତୁମ୍ଭ ଶତ୍ରୁଗଣର ଲୋକସମୂହ ସୂକ୍ଷ୍ମ ଧୂଳିର ନ୍ୟାୟ ହେବ ଓ ଭୟଙ୍କରମାନଙ୍କର ଲୋକସମୂହ ଉଡ଼ିଯିବା ତୁଷ ପରି ହେବ; ଏକ ନିମିଷରେ ହଠାତ୍‍ ଏହା ଘଟିବ।
\v 6 ସୈନ୍ୟାଧିପତି ସଦାପ୍ରଭୁ ମେଘଗର୍ଜ୍ଜନ, ଭୂମିକମ୍ପ, ମହାଶବ୍ଦ, ଘୂର୍ଣ୍ଣିବାୟୁ, ଝଡ଼ ଓ ଗ୍ରାସକାରୀ ଅଗ୍ନିଶିଖା ସହିତ ତାହାର ତତ୍ତ୍ୱ ନେବେ।
\s5
\v 7 ପୁଣି, ସର୍ବଗୋଷ୍ଠୀୟ ଯେଉଁ ଲୋକସମୂହ ଅରୀୟେଲ ବିରୁଦ୍ଧରେ ଯୁଦ୍ଧ କରନ୍ତି, ଅର୍ଥାତ୍‍, ଯେଉଁମାନେ ତାହାର ଓ ତାହାର ଦୃଢ଼ ଦୁର୍ଗ ପ୍ରତିକୂଳରେ ଯୁଦ୍ଧ କରି ତାହାକୁ ସଙ୍କଟାପନ୍ନ କରନ୍ତି, ସେସମସ୍ତେ ସ୍ୱପ୍ନ ତୁଲ୍ୟ, ରାତ୍ରିକାଳୀନ ଦର୍ଶନ ତୁଲ୍ୟ ହେବେ।
\v 8 ଆଉ, ଯେପରି କ୍ଷୁଧିତ ଲୋକ ସ୍ୱପ୍ନରେ ଭୋଜନ କରୁଅଛି ବୋଲି ଦେଖେ, ମାତ୍ର ଜାଗ୍ରତ ହେଲେ, ତାହାର ପ୍ରାଣ ଶୂନ୍ୟ ଥାଏ; ଅବା ଯେପରି ତୃଷିତ ଲୋକ ଜଳ ପାନ କରୁଅଛି ବୋଲି ସ୍ୱପ୍ନରେ ଦେଖେ, ମାତ୍ର ଜାଗ୍ରତ ହେଲେ ଦେଖ, ସେ ଦୁର୍ବଳ ଥାଏ ଓ ତାହାର ପ୍ରାଣ ତୃଷିତ ଥାଏ, ସିୟୋନ ପର୍ବତର ପ୍ରତିକୂଳରେ ଯୁଦ୍ଧକାରୀ ସର୍ବଗୋଷ୍ଠୀୟ ଲୋକସମୂହ ସେହିପରି ହେବେ।
\s5
\v 9 ତୁମ୍ଭେମାନେ ସ୍ଥଗିତ ଓ ଚମତ୍କୃତ ହୁଅ; ଆମୋଦ କରି ଅନ୍ଧ ହୁଅ; ସେମାନେ ମତ୍ତ ଅଛନ୍ତି, ମାତ୍ର ଦ୍ରାକ୍ଷାରସରେ ନୁହେଁ; ସେମାନେ ଟଳଟଳ ହୁଅନ୍ତି, ମାତ୍ର ସୁରାପାନରେ ନୁହେଁ।
\v 10 କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ଉପରେ ଘୋର ନିଦ୍ରାଜନକ ଆତ୍ମା ଢାଳିଅଛନ୍ତି ଓ ତୁମ୍ଭମାନଙ୍କର ଭବିଷ୍ୟଦ୍‍-ବକ୍ତାଗଣରୂପ ଚକ୍ଷୁ ମୁଦ୍ରିତ କରିଅଛନ୍ତି ଓ ଦର୍ଶକଗଣ ସ୍ୱରୂପ ତୁମ୍ଭମାନଙ୍କର ମସ୍ତକ ସେ ଆଚ୍ଛାଦିତ କରିଅଛନ୍ତି।
\s5
\v 11 ପୁଣି, ଯାବତୀୟ ଦର୍ଶନ ତୁମ୍ଭମାନଙ୍କର ପ୍ରତି ମୁଦ୍ରାଙ୍କବଦ୍ଧ ପୁସ୍ତକର ବାକ୍ୟ ତୁଲ୍ୟ ହୋଇଅଛି, କେହି ଶିକ୍ଷିତ ଲୋକକୁ ତାହା ଦେଇ ଅନୁଗ୍ରହ କରି “ଏହା ପାଠ କର” କହିଲେ, ସେ କହେ, “ଏହା ମୁଦ୍ରାଙ୍କବଦ୍ଧ, ଏଣୁ ମୁଁ ପାଠ କରି ନ ପାରେ।”
\v 12 ଆଉ, ସେହି ପୁସ୍ତକ ଅଶିକ୍ଷିତ ଲୋକକୁ ଦେଇ, ଅନୁଗ୍ରହ କରି “ଏହା ପାଠ କର” କହିଲେ, ସେ କହେ, “ମୁଁ ଶିକ୍ଷିତ ଲୋକ ନୁହେଁ।”
\s5
\v 13 ଆହୁରି, ପ୍ରଭୁ କହିଲେ, “ଏହି ଲୋକମାନେ ଆମ୍ଭର ନିକଟବର୍ତ୍ତୀ ହୁଅନ୍ତି ଓ ସେମାନେ ଆପଣା ଆପଣା ମୁଖରେ ଓ ଓଷ୍ଠାଧରରେ ଆମ୍ଭର ସମ୍ମାନ କରନ୍ତି, ମାତ୍ର ସେମାନେ ଆପଣା ଆପଣା ଅନ୍ତଃକରଣ ଆମ୍ଭଠାରୁ ଦୂରରେ ରଖିଅଛନ୍ତି ଓ ଆମ୍ଭ ବିଷୟକ ସେମାନଙ୍କର ଯେଉଁ ଭୟ, ତାହା ମନୁଷ୍ୟଠାରୁ ଶିକ୍ଷିତ ଆଜ୍ଞା ଅଟେ।”
\v 14 ଏହେତୁ ଦେଖ, ଆମ୍ଭେ ଏହି ଲୋକମାନଙ୍କ ମଧ୍ୟରେ ଏକ ଅଦ୍ଭୁତ କର୍ମ, ଅର୍ଥାତ୍‍, ଅଦ୍ଭୁତ ଓ ଆଶ୍ଚର୍ଯ୍ୟ କର୍ମ କରିବା, ପୁଣି, ସେମାନଙ୍କର ଜ୍ଞାନୀ ଲୋକମାନଙ୍କର ଜ୍ଞାନ ବିନଷ୍ଟ ହେବ ଓ ସେମାନଙ୍କର ବିବେକୀ ଲୋକମାନଙ୍କର ବୁଦ୍ଧି ଲୁଚାଯିବ।
\s5
\v 15 ଯେଉଁମାନେ ସଦାପ୍ରଭୁଙ୍କଠାରୁ ଆପଣା ଆପଣା ମନ୍ତ୍ରଣା ଗୁପ୍ତ କରିବାକୁ ଅତିଶୟ ଚେଷ୍ଟା କରନ୍ତି, ସେମାନେ ସନ୍ତାପର ପାତ୍ର ! ଆଉ, ସେମାନେ ଅନ୍ଧକାରରେ ଆପଣା ଆପଣା କର୍ମ କରି କହନ୍ତି, “ଆମ୍ଭମାନଙ୍କୁ କିଏ ଦେଖୁଅଛି ? ଓ ଆମ୍ଭମାନଙ୍କୁ କିଏ ଚିହ୍ନୁଅଛି ?”
\s5
\v 16 ତୁମ୍ଭେମାନେ ବିଷୟକୁ ଓଲଟାଇ ପକାଉଅଛ ! କୁମ୍ଭକାର କି ମାଟିର ତୁଲ୍ୟ ଗଣ୍ୟ ହେବ; “ଏ ବ୍ୟକ୍ତି ଆମ୍ଭକୁ ନିର୍ମାଣ କରି ନାହିଁ,” ନିର୍ମିତ ବସ୍ତୁ କି ନିର୍ମାଣକର୍ତ୍ତା ବିଷୟରେ ଏହା କହିବ ? କିମ୍ବା “ତାହାର କିଛି ବୁଦ୍ଧି ନାହିଁ, ଗଢ଼ା ବସ୍ତୁ କି ଗଢ଼ିବା ବ୍ୟକ୍ତି ବିଷୟରେ ଏହା କହିବ ?”
\s5
\v 17 ଅତି ଅଳ୍ପ କାଳ ଉତ୍ତାରେ ଲିବାନୋନ କି ଫଳବାନ କ୍ଷେତ୍ରରେ ପରିଣତ ହେବ ନାହିଁ ଓ ଫଳବାନ କ୍ଷେତ୍ର କି ଅରଣ୍ୟ ବୋଲି ଗଣ୍ୟ ହେବ ନାହିଁ ?
\v 18 ପୁଣି, ସେହି ଦିନରେ ବଧିର ପୁସ୍ତକର ବାକ୍ୟ ଶୁଣିବ, ପୁଣି, ତିମିର ଓ ଅନ୍ଧକାର ମଧ୍ୟରୁ ଅନ୍ଧର ଚକ୍ଷୁ ଦେଖିବ।
\v 19 ମଧ୍ୟ ନମ୍ର ଲୋକମାନେ ସଦାପ୍ରଭୁଙ୍କଠାରେ ଆପଣା ଆପଣା ଆନନ୍ଦ ବଢ଼ାଇବେ ଓ ମନୁଷ୍ୟମାନଙ୍କ ମଧ୍ୟରେ ଦରିଦ୍ରମାନେ ଇସ୍ରାଏଲର ଧର୍ମସ୍ୱରୂପଙ୍କଠାରେ ଉଲ୍ଲାସ କରିବେ।
\s5
\v 20 କାରଣ ଭୟଙ୍କର ଲୋକ ଅକିଞ୍ଚନା ହୋଇଅଛି, ନିନ୍ଦକ ନିବୃତ୍ତ ହେଉଅଛି ଓ ଯେଉଁମାନେ ଅଧର୍ମ ପାଇଁ ଜଗି ରହନ୍ତି, ସେସମସ୍ତେ ଉଚ୍ଛିନ୍ନ ହୋଇଅଛନ୍ତି;
\v 21 ସେମାନେ କଥାରେ ମନୁଷ୍ୟକୁ ଦୋଷୀ କରନ୍ତି ଓ ନଗର ଦ୍ୱାରରେ ଦୋଷବକ୍ତା ନିମନ୍ତେ ଫାନ୍ଦ ପାତନ୍ତି ଓ ଅକାରଣରେ ଧାର୍ମିକ ପ୍ରତି ଅନ୍ୟାୟ କରନ୍ତି।
\s5
\v 22 ଏହେତୁ ଅବ୍ରହାମର ମୁକ୍ତିକର୍ତ୍ତା ସଦାପ୍ରଭୁ ଯାକୁବ ବଂଶ ବିଷୟରେ ଏହିପରି କହନ୍ତି; “ଯାକୁବ ଏବେ ଲଜ୍ଜିତ ହେବ ନାହିଁ, କିଅବା ତାହାର ମୁଖ ମଳିନ ହେବ ନାହିଁ।
\v 23 ମାତ୍ର ଯେତେବେଳେ ସେ ଆମ୍ଭର ହସ୍ତକୃତ କର୍ମ ସ୍ୱରୂପ ତାହାର ସନ୍ତାନଗଣକୁ ଆପଣା ମଧ୍ୟରେ ଦେଖିବ, ସେତେବେଳେ ସେମାନେ ଆମ୍ଭ ନାମକୁ ପବିତ୍ର କରି ମାନିବେ; ହଁ, ସେମାନେ ଯାକୁବର ଧର୍ମସ୍ୱରୂପଙ୍କୁ ପବିତ୍ର ବୋଲି ମାନିବେ ଓ ଇସ୍ରାଏଲର ପରମେଶ୍ୱରଙ୍କୁ ସମ୍ଭ୍ରମ କରିବେ।
\v 24 ଯେଉଁମାନେ ଭ୍ରାନ୍ତମନା, ସେମାନେ ମଧ୍ୟ ବୁଦ୍ଧି ପ୍ରାପ୍ତ ହେବେ ଓ ବଚସାକାରୀମାନେ ତତ୍ତ୍ୱ-କଥା ଶିଖିବେ।”
\s5
\c 30
\s ମିସରର ସାହାଯ୍ୟ ବୃଥା
\p
\v 1 ସଦାପ୍ରଭୁ କହନ୍ତି, “ଯେଉଁ ବିଦ୍ରୋହୀ ସନ୍ତାନଗଣ” ମନ୍ତ୍ରଣା କରନ୍ତି, ମାତ୍ର “ଆମ୍ଭ ଦ୍ୱାରା ନୁହେଁ; ପୁଣି, ଯେଉଁମାନେ ପାପ ଉପରେ ପାପ କରିବା ନିମନ୍ତେ ଆଚ୍ଛାଦନରେ ଆଚ୍ଛାଦନ କରନ୍ତି, ମାତ୍ର ଆମ୍ଭ ଆତ୍ମାଙ୍କ ଦ୍ୱାରା ନୁହେଁ, ସେମାନେ ସନ୍ତାପର ପାତ୍ର !
\v 2 ସେମାନେ ଆମ୍ଭକୁ ନ ପଚାରି ଫାରୋର ବଳରେ ଆପଣାମାନଙ୍କୁ ବଳିଷ୍ଠ କରିବାକୁ ଓ ମିସରର ଛାୟାରେ ଆଶ୍ରୟ ନେବାକୁ ମିସରକୁ ଯିବା ନିମନ୍ତେ ଯାତ୍ରା କରୁଅଛନ୍ତି।
\s5
\v 3 ଏହେତୁ ଫାରୋର ବଳ ତୁମ୍ଭମାନଙ୍କର ଲଜ୍ଜାଜନକ ହେବ ଓ ମିସରର ଛାୟାରେ ଆଶ୍ରୟ ନେବା ତୁମ୍ଭମାନଙ୍କର ଅପମାନଜନକ ହେବ।
\v 4 କାରଣ ତାହାର ଅଧିପତିମାନେ ସୋୟନରେ ଅଛନ୍ତି ଓ ତାହାର ରାଜଦୂତଗଣ ହାନେଷକୁ ଆସିଅଛନ୍ତି।
\v 5 ଯେଉଁ ଗୋଷ୍ଠୀ ସେମାନଙ୍କର ଉପକାର କରି ନ ପାରନ୍ତି, ସେମାନଙ୍କ ବିଷୟରେ ସେସମସ୍ତେ ଲଜ୍ଜିତ ହେବେ, ସେ ଗୋଷ୍ଠୀ ସାହାଯ୍ୟକାରୀ କିମ୍ବା ଉପକାରଜନକ ନୁହନ୍ତି, ମାତ୍ର ଲଜ୍ଜା ଓ ଦୁର୍ନାମ ସ୍ୱରୂପ ଅଟନ୍ତି।”
\s5
\v 6 ଦକ୍ଷିଣର ପଶୁଗଣ ବିଷୟକ ଭବିଷ୍ୟତ ବାଣୀ। ଯେଉଁ ସ୍ଥାନରୁ ଯୁବା ଓ ବୃଦ୍ଧ ସିଂହ, କାଳସର୍ପ ଓ ଉଡ୍‍ଡୀୟମାନ ଅଗ୍ନିମୟ ସର୍ପ ଆସନ୍ତି, ଏପରି ସଙ୍କଟ ଓ ଯନ୍ତ୍ରଣାମୟ ଦେଶ ଦେଇ ଯେଉଁମାନଙ୍କ ଦ୍ୱାରା ସେମାନଙ୍କର ଉପକାର ହେବ ନାହିଁ, ଏପରି ଏକ ଗୋଷ୍ଠୀ ନିକଟକୁ, ସେମାନେ ଯୁବା ଗର୍ଦ୍ଦଭଗଣର ସ୍କନ୍ଧରେ ଆପଣାମାନଙ୍କର ଧନ ଓ ଉଷ୍ଟ୍ରଗଣର କୁବ୍‍ଜା ଉପରେ ଆପଣାମାନଙ୍କର ସମ୍ପତ୍ତି ବହି ନିଅନ୍ତି।
\v 7 କାରଣ ମିସର ମିଥ୍ୟା ଓ ବୃଥାରେ ସାହାଯ୍ୟ କରେ; ଏଥିପାଇଁ ଆମ୍ଭେ ତାହାକୁ ନିଷ୍କର୍ମରେ ଉପବିଷ୍ଟ ରାହବ ବୋଲି ନାମ ଦେଇଅଛୁ।
\s ଅବାଧ୍ୟ ଜାତି
\p
\s5
\v 8 ଏବେ ଯାଅ, ସେମାନଙ୍କ ସାକ୍ଷାତରେ ଏକ ଫଳକରେ ତାହା ଲେଖ ଓ ତାହା ଯେପରି ଆସନ୍ତା କାଳ ନିମନ୍ତେ, ଅନନ୍ତ କାଳ ପର୍ଯ୍ୟନ୍ତ ରହିବ, ଏଥିପାଇଁ ଏକ ନଳାକାର ପୁସ୍ତକରେ ତାହା ଲିପିବଦ୍ଧ କର।
\v 9 କାରଣ ସେମାନେ ବିଦ୍ରୋହୀ ଗୋଷ୍ଠୀ, ମିଥ୍ୟାବାଦୀ ସନ୍ତାନ, ସେମାନେ ସଦାପ୍ରଭୁଙ୍କ ବ୍ୟବସ୍ଥା ଶୁଣିବାକୁ ଅସମ୍ମତ ସନ୍ତାନ;
\s5
\v 10 ସେମାନେ ଦର୍ଶକଗଣକୁ କହନ୍ତି, “ତୁମ୍ଭେମାନେ ଦର୍ଶନ କର ନାହିଁ” ଓ ଭବିଷ୍ୟଦ୍‍ବକ୍ତାଗଣଙ୍କୁ କହନ୍ତି, “ତୁମ୍ଭେମାନେ ଆମ୍ଭମାନଙ୍କ ନିକଟରେ ଯଥାର୍ଥ ବାକ୍ୟ ପ୍ରଚାର କର ନାହିଁ, ଆମ୍ଭମାନଙ୍କୁ କୋମଳ କଥା କୁହ ଓ ଭ୍ରାନ୍ତିଜନକ ବାକ୍ୟ ପ୍ରଚାର କର;
\v 11 ତୁମ୍ଭେମାନେ ପଥରୁ ବାହାରି ଯାଅ, ବାଟ ଛାଡ଼ି ଦିଅ, ଇସ୍ରାଏଲର ଧର୍ମସ୍ୱରୂପଙ୍କୁ ଆମ୍ଭମାନଙ୍କ ସମ୍ମୁଖରୁ ଦୂର କରାଅ।”
\s5
\v 12 ଏହେତୁ ଇସ୍ରାଏଲର ଧର୍ମସ୍ୱରୂପ ଏହି କଥା କହନ୍ତି, “ତୁମ୍ଭେମାନେ ଏହି ବାକ୍ୟ ତୁଚ୍ଛ କରୁଅଛ, ପୁଣି, ଉପଦ୍ରବ ଓ କୁଟିଳତାରେ ବିଶ୍ୱାସ କରି ତହିଁ ଉପରେ ନିର୍ଭର ରଖୁଅଛ;
\v 13 ଏଥିପାଇଁ ଉଚ୍ଚ ଭିତ୍ତିର ପତନଶୀଳ ଯେଉଁ ଟୋଲା ଫାଟ, ହଠାତ୍‍ ଏକାବେଳେ ଭାଙ୍ଗି ପଡ଼େ, ତାହାରି ତୁଲ୍ୟ ଏହି ଅପରାଧ ତୁମ୍ଭମାନଙ୍କ ପ୍ରତି ହେବ।”
\s5
\v 14 ପୁଣି, ଯେପରି କୁମ୍ଭକାରର ପାତ୍ର ଭଙ୍ଗାଯାଏ, ସେହିପରି ସେ କିଛି ଦୟା ନ କରି ତାହା ଚୂର୍ଣ୍ଣ କରି ଭାଙ୍ଗି ପକାଇବେ; ତହିଁରେ ଚୁଲ୍ଲୀରୁ ଅଗ୍ନି କିଅବା କୁଣ୍ଡରୁ ଜଳ ନେବା ଭଳି ଖଣ୍ଡେ ଖପରା ହିଁ ତହିଁରୁ ମିଳିବ ନାହିଁ।
\s5
\v 15 କାରଣ ପ୍ରଭୁ, ସଦାପ୍ରଭୁ ଇସ୍ରାଏଲର ଧର୍ମସ୍ୱରୂପ କହିଲେ, “ଫେରିଲେ ଓ ଶାନ୍ତ ହେଲେ ତୁମ୍ଭେମାନେ ପରିତ୍ରାଣ ପାଇବ; ସୁସ୍ଥିରତା ଓ ବିଶ୍ୱାସରେ ତୁମ୍ଭମାନଙ୍କର ବଳ ହେବ, ପୁଣି, ତୁମ୍ଭେମାନେ ଅସମ୍ମତ ହେଲ।
\v 16 ମାତ୍ର ତୁମ୍ଭେମାନେ କହିଲ, ନା, ଆମ୍ଭେମାନେ ଅଶ୍ୱରେ ପଳାଇବୁ; ଏଥିପାଇଁ ତୁମ୍ଭେମାନେ ପଳାତକ ହେବ; ଆଉ କହିଲ, ଆମ୍ଭେମାନେ ଦ୍ରୁତଗାମୀ ବାହନରେ ଚଢ଼ିବା; ଏଥିପାଇଁ ତୁମ୍ଭମାନଙ୍କ ପଶ୍ଚାତ୍‍ ଗୋଡ଼ାଇବା ଲୋକମାନେ ଦ୍ରୁତଗାମୀ ହେବେ।
\s5
\v 17 ଏକ ଜଣର ଧମକରେ ସହସ୍ର ଲୋକ ପଳାୟନ କରିବେ; ପାଞ୍ଚ ଜଣର ଧମକରେ ତୁମ୍ଭେମାନେ ପଳାୟନ କରିବ; ତହିଁରେ ତୁମ୍ଭେମାନେ ପର୍ବତର ଶୃଙ୍ଗରେ ଏକ ଚିହ୍ନ ସ୍ୱରୂପ ଓ ଉପପର୍ବତରେ ପତାକାର ଦଣ୍ଡ ସ୍ୱରୂପ ହୋଇ ଅବଶିଷ୍ଟ ରହିବ।”
\s5
\v 18 ପୁଣି, ତହିଁ ସକାଶୁ ସଦାପ୍ରଭୁ ତୁମ୍ଭମାନଙ୍କ ପ୍ରତି ଅନୁଗ୍ରହ କରିବା ପାଇଁ ଅପେକ୍ଷା କରିବେ, ଆଉ ତହିଁ ସକାଶୁ ତୁମ୍ଭମାନଙ୍କ ପ୍ରତି ଦୟା କରିବା ନିମନ୍ତେ ସେ ଉନ୍ନତ ହେବେ; କାରଣ ସଦାପ୍ରଭୁ ନ୍ୟାୟ ବିଚାରକାରୀ ପରମେଶ୍ୱର ଅଟନ୍ତି; ଯେଉଁମାନେ ତାହାଙ୍କ ପାଇଁ ଅପେକ୍ଷା କରନ୍ତି, ସେସମସ୍ତେ ଧନ୍ୟ।
\s ଲୋକମାନଙ୍କ ପ୍ରତି ପରମେଶ୍ୱରଙ୍କ ଆଶୀର୍ବାଦ
\p
\v 19 ଲୋକମାନେ ସିୟୋନରେ, ଯିରୂଶାଲମରେ ବାସ କରିବେ; ତୁମ୍ଭେ ଆଉ ରୋଦନ କରିବ ନାହିଁ; ତୁମ୍ଭର କ୍ରନ୍ଦନ ରବରେ ସେ ଅବଶ୍ୟ ତୁମ୍ଭକୁ ଅନୁଗ୍ରହ କରିବେ; ସେ ଶୁଣିବା ମାତ୍ରେ ତୁମ୍ଭକୁ ଉତ୍ତର ଦେବେ।
\s5
\v 20 ପୁଣି, ଯଦ୍ୟପି ପ୍ରଭୁ ତୁମ୍ଭମାନଙ୍କୁ ଦୁଃଖରୂପ ଖାଦ୍ୟ ଓ କ୍ଲେଶରୂପ ଜଳ ଦିଅନ୍ତି, ତଥାପି ତୁମ୍ଭମାନଙ୍କର ଶିକ୍ଷକଗଣ ଆଉ ଗୁପ୍ତ ରହିବେ ନାହିଁ, ମାତ୍ର ତୁମ୍ଭର ଚକ୍ଷୁ ତୁମ୍ଭ ଶିକ୍ଷକଗଣକୁ ଦେଖିବ।
\v 21 ପୁଣି, ଦକ୍ଷିଣରେ କିମ୍ବା ବାମରେ ଫେରିବା ବେଳେ ତୁମ୍ଭର କର୍ଣ୍ଣ ତୁମ୍ଭ ପଛଆଡ଼ୁ ଏହି କଥା ଶୁଣିବ, “ପଥ ଏହି, ଏଥିରେ ହିଁ ତୁମ୍ଭେମାନେ ଗମନ କର।”
\s5
\v 22 ଆଉ, ତୁମ୍ଭେମାନେ ଆପଣାର ରୌପ୍ୟ ପ୍ରତିମାଗଣର ମଣ୍ଡନ ଓ ଛାଞ୍ଚରେ ଢଳା ସ୍ୱର୍ଣ୍ଣ ପ୍ରତିମାଗଣର ଆଭରଣ ଅଶୁଚି କରିବ; ତୁମ୍ଭେ ସେହି ସବୁକୁ ଅଶୁଚି ବସ୍ତୁ ତୁଲ୍ୟ ପକାଇ ଦେବ; ତୁମ୍ଭେ କହିବ, “ଏଠାରୁ ବାହାରି ଯାଅ।”
\s5
\v 23 ପୁଣି, ଭୂମିରେ ବୁଣିବା ନିମନ୍ତେ ସେ ତୁମ୍ଭ ବୀଜ ପାଇଁ ବୃଷ୍ଟି ଦେବେ; ଭୂମ୍ୟୁତ୍ପନ୍ନ ଭକ୍ଷ୍ୟ ଦେବେ ଓ ତାହା ଉତ୍ତମ ଓ ପ୍ରଚୁର ହେବ; ସେହି ଦିନରେ ତୁମ୍ଭ ପଶୁପଲ ପ୍ରଶସ୍ତ ଚରାସ୍ଥାନରେ ଚରିବେ।
\v 24 ମଧ୍ୟ ଭୂମି ଚାଷକାରୀ ବଳଦ, ଯୁବା ଗର୍ଦ୍ଦଭମାନେ ଚାଲୁଣୀ ଓ କୁଲାରେ ଝଡ଼ା ସୁମିଶ୍ରିତ ଶସ୍ୟାଦି ଖାଇବେ।
\s5
\v 25 ଆଉ, ଯେଉଁ ମହାହତ୍ୟା ଦିନରେ ଦୁର୍ଗସବୁ ପତିତ ହେବ, ସେହି ଦିନରେ ପ୍ରତ୍ୟେକ ଉଚ୍ଚ ପର୍ବତରେ, ପ୍ରତ୍ୟେକ ଉଚ୍ଚ ଗିରିରେ ନଦୀ ଓ ଜଳସ୍ରୋତ ହେବ।
\v 26 ଆହୁରି, ଯେଉଁ ଦିନ ସଦାପ୍ରଭୁ ଆପଣା ଲୋକମାନଙ୍କର ଆଘାତ ସ୍ଥାନ ବାନ୍ଧିବେ ଓ ପ୍ରହାରଜାତ ସେମାନଙ୍କ କ୍ଷତ ସୁସ୍ଥ କରିବେ, ସେହି ଦିନରେ ଚନ୍ଦ୍ରମାର ଦୀପ୍ତି ସୂର୍ଯ୍ୟର ଦୀପ୍ତି ତୁଲ୍ୟ ହେବ, ଆଉ ସୂର୍ଯ୍ୟର ଦୀପ୍ତି ସାତ ଦିନର ଦୀପ୍ତି ତୁଲ୍ୟ ସପ୍ତଗୁଣ ହେବ।
\s5
\v 27 ଦେଖ, ସଦାପ୍ରଭୁଙ୍କର ନାମ ତାହାଙ୍କ କ୍ରୋଧରେ ପ୍ରଜ୍ୱଳିତ ଓ ନିବିଡ଼ ଧୂମରାଶି ହୋଇ ଦୂରରୁ ଆସୁଅଛି; ତାହାଙ୍କର ଓଷ୍ଠାଧର କ୍ରୋଧରେ ପରିପୂର୍ଣ୍ଣ ଓ ତାହାଙ୍କର ଜିହ୍ୱା ସର୍ବଗ୍ରାସକ ଅଗ୍ନି ତୁଲ୍ୟ;
\v 28 ପୁଣି, ତାହାଙ୍କର ଶ୍ୱାସବାୟୁ ପ୍ଳାବିତ ସ୍ରୋତ ତୁଲ୍ୟ, ସର୍ବଦେଶୀୟ ଲୋକମାନଙ୍କୁ ଅସାରତାରୂପ ଚାଲୁଣୀରେ ଚଲାଇବା ନିମନ୍ତେ ତାହା କଣ୍ଠ ପର୍ଯ୍ୟନ୍ତ ଉଠୁଅଛି; ଆଉ, ଗୋଷ୍ଠୀସମୂହର ମୁଖରେ ଭ୍ରାନ୍ତିଜନକ ଲଗାମ ଦିଆଯିବ।
\s5
\v 29 ପବିତ୍ର ଉତ୍ସବ ପାଳନର ରାତ୍ରିରେ ଯେପରି, ସେହିପରି ତୁମ୍ଭେମାନେ ଗାନ କରିବ; ପୁଣି, ଲୋକେ ଯେପରି ସଦାପ୍ରଭୁଙ୍କ ପର୍ବତକୁ, ଇସ୍ରାଏଲର ଶୈଳ ନିକଟକୁ ଯିବା ପାଇଁ ବଂଶୀ ବଜାଇ ଗମନ କରନ୍ତି, ସେହିପରି ତୁମ୍ଭମାନଙ୍କର ଚିତ୍ତ ଆନନ୍ଦିତ ହେବ।
\s5
\v 30 ପୁଣି, ସଦାପ୍ରଭୁ ଆପଣା କ୍ରୋଧର ପ୍ରଚଣ୍ଡତା ଓ ସର୍ବଗ୍ରାସକ ଅଗ୍ନିଶିଖା, ତୋଫାନ, ଝଡ଼ ଓ ଶିଳାବୃଷ୍ଟି ଦ୍ୱାରା ଆପଣାର ପ୍ରତାପାନ୍ୱିତ ରବ ଶୁଣାଇବେ ଓ ଆପଣା ହସ୍ତର ଅବରୋହଣ ଦେଖାଇବେ।
\s5
\v 31 କାରଣ ସଦାପ୍ରଭୁଙ୍କ ରବରେ ଅଶୂର ଖଣ୍ଡ ଖଣ୍ଡ ହୋଇ ଭଗ୍ନ ହେବ, ସେ ତାହାକୁ ଦଣ୍ଡାଘାତ କରିବେ।
\v 32 ପୁଣି, ଯେଉଁ ନିରୂପିତ ଯଷ୍ଟି ସଦାପ୍ରଭୁ ତାହା ଉପରେ ଥୋଇବେ, ତହିଁର ପ୍ରତ୍ୟେକ ଆଘାତ ସମୟରେ ତବଲା ଓ ବୀଣା ବାଜିବ ଓ ସେ ସେମାନଙ୍କ ସହିତ ମହାଯୁଦ୍ଧ କରିବେ।
\s5
\v 33 କାରଣ ତୋଫତ୍‍ (ଅଗ୍ନିକୁଣ୍ଡ) ପୂର୍ବକାଳରୁ ନିର୍ମିତ ହୋଇଅଛି ଓ ତାହା ରାଜାର ନିମନ୍ତେ ପ୍ରସ୍ତୁତ ହୋଇଅଛି; ସେ ତାହାକୁ ଗଭୀର ଓ ପ୍ରଶସ୍ତ କରିଅଛନ୍ତି, ତହିଁର ସ୍ତୂପ ଅଗ୍ନି ଓ ପ୍ରଚୁର କାଷ୍ଠମୟ; ପୁଣି, ସଦାପ୍ରଭୁଙ୍କ ଫୁତ୍କାର ଗନ୍ଧକ ସ୍ରୋତନ୍ୟାୟ ତାହା ପ୍ରଜ୍ୱଳିତ କରେ।
\s5
\c 31
\s ମିସର ଉପରେ ନିର୍ଭରକାରୀ ସନ୍ତାପର ପାତ୍ର
\p
\v 1 ଯେଉଁମାନେ ସାହାଯ୍ୟ ନିମନ୍ତେ ମିସରକୁ ଯାଆନ୍ତି ଓ ଅଶ୍ୱଗଣରେ ନିର୍ଭର କରନ୍ତି ଓ ରଥ ଅନେକ ହେବାରୁ, ଆଉ ଅଶ୍ୱାରୋହୀଗଣ ଅତି ବଳବାନ ହେବାରୁ ସେମାନଙ୍କ ଉପରେ ବିଶ୍ୱାସ କରନ୍ତି; ମାତ୍ର ଇସ୍ରାଏଲର ଧର୍ମସ୍ୱରୂପଙ୍କ ପ୍ରତି ନ ଅନାନ୍ତି, କିଅବା ସଦାପ୍ରଭୁଙ୍କର ଅନ୍ୱେଷଣ ନ କରନ୍ତି, ସେମାନେ ସନ୍ତାପର ପାତ୍ର !
\v 2 ତଥାପି ସେ ମଧ୍ୟ ଜ୍ଞାନବାନ ଓ ସେ ଅମଙ୍ଗଳ ଘଟାଇବେ, ପୁଣି, ଆପଣା ବାକ୍ୟ ଅନ୍ୟଥା କରିବେ ନାହିଁ; ମାତ୍ର ସେ କୁକ୍ରିୟାକାରୀମାନଙ୍କ ବଂଶର ପ୍ରତିକୂଳରେ ଓ ଅଧର୍ମାଚାରୀମାନଙ୍କ ସହାୟଗଣର ପ୍ରତିକୂଳରେ ଉଠିବେ।
\s5
\v 3 ମିସ୍ରୀୟମାନେ ମନୁଷ୍ୟ ମାତ୍ର, ପରମେଶ୍ୱର ନୁହନ୍ତି ଓ ସେମାନଙ୍କ ଅଶ୍ୱଗଣ ମାଂସ ମାତ୍ର, ଆତ୍ମା ନୁହନ୍ତି; ପୁଣି ସଦାପ୍ରଭୁ ଆପଣା ହସ୍ତ ବିସ୍ତାର କଲେ, ସହାୟକାରୀ ଝୁଣ୍ଟି ପଡ଼ିବ ଓ ସହାୟପ୍ରାପ୍ତ ପଡ଼ିଯିବ, ପୁଣି ଦୁହେଁ ଏକତ୍ର ବିନଷ୍ଟ ହେବେ।
\s5
\v 4 କାରଣ ସଦାପ୍ରଭୁ ଆମ୍ଭକୁ ଏହି କଥା କହନ୍ତି, “ଯେପରି ସିଂହ ଓ ଯୁବା ସିଂହ ଆପଣା ଶିକାର ଉପରେ ଗର୍ଜ୍ଜନ କରେ, ଅନେକ ଅନେକ ମେଷପାଳକ ତାହା ବିରୁଦ୍ଧରେ ଡକା ଗଲେ ହେଁ ସେ ସେମାନଙ୍କ ରବରେ ଉଦ୍‍ବିଗ୍ନ ହୁଏ ନାହିଁ, କିଅବା ସେମାନଙ୍କ କୋଳାହଳରେ ଆପଣାକୁ ଅବନତ କରେ ନାହିଁ, ସେହିପରି ସୈନ୍ୟାଧିପତି ସଦାପ୍ରଭୁ ସିୟୋନ ପର୍ବତରେ ଓ ତହିଁର ଉପପର୍ବତରେ ଯୁଦ୍ଧ କରିବା ପାଇଁ ଓହ୍ଲାଇ ଆସିବେ।
\s5
\v 5 ଯେପରି ପକ୍ଷୀମାନେ ଉଡ଼ି ଉଡ଼ି ରକ୍ଷା କରନ୍ତି, ସେହିପରି ସୈନ୍ୟାଧିପତି ସଦାପ୍ରଭୁ ଯିରୂଶାଲମକୁ ରକ୍ଷା କରିବେ; ସେ ତାହାକୁ ରକ୍ଷା କରି ଉଦ୍ଧାର କରିବେ, ସେ ତାହାକୁ ନିସ୍ତାର କରି ରକ୍ଷା କରିବେ।
\v 6 ହେ ଇସ୍ରାଏଲ ସନ୍ତାନଗଣ, ତୁମ୍ଭେମାନେ ଅତିଶୟ ଦ୍ରୋହାଚରଣ କରି ଯାହାଙ୍କଠାରୁ ବିମୁଖ ହୋଇଅଛ, ତାହାଙ୍କ ନିକଟକୁ ଫେରି ଆସ।
\v 7 କାରଣ ସେହି ଦିନରେ ତୁମ୍ଭମାନଙ୍କର ପ୍ରତ୍ୟେକ ଜଣ ଆପଣା ଆପଣା ହସ୍ତନିର୍ମିତ ରୌପ୍ୟପ୍ରତିମା ଓ ସ୍ୱର୍ଣ୍ଣ- ପ୍ରତିମାରୂପ ପାପବସ୍ତୁ ପକାଇ ଦେବ।
\v 8 ସେହି ସମୟରେ ଅଶୂରୀୟ ଖଡ୍ଗରେ ପତିତ ହେବ, ମାତ୍ର ମନୁଷ୍ୟର ଖଡ୍ଗରେ ନୁହେଁ; ପୁଣି ଖଡ୍ଗ ତାହାକୁ ଗ୍ରାସ କରିବ, ମାତ୍ର ମନୁଷ୍ୟର ଖଡ୍ଗ ନୁହେଁ; ଆଉ, ସେ ଖଡ୍ଗ ସମ୍ମୁଖରୁ ପଳାଇବ ଓ ତାହାର ଯୁବକମାନେ ପରାଧୀନ ହେବେ।
\v 9 ପୁଣି, ତ୍ରାସପ୍ରଯୁକ୍ତ ତାହାର ଶୈଳ ଅନ୍ତର୍ହିତ ହେବ ଓ ତାହାର ଅଧିପତିମାନେ ଧ୍ୱଜା ଦେଖି ଉଦ୍‍ବିଗ୍ନ ହେବେ,” ସିୟୋନରେ ଯାହାଙ୍କର ଅଗ୍ନି ଓ ଯିରୂଶାଲମରେ ଯାହାଙ୍କର ଅଗ୍ନିକୁଣ୍ଡ ଅଛି, ସେହି ସଦାପ୍ରଭୁ ଏହି କଥା କହନ୍ତି।
\s5
\c 32
\s ଜଣେ ଧାର୍ମିକ ରାଜା
\p
\v 1 ଦେଖ, ଏକ ରାଜା ଧର୍ମାନୁସାରେ ରାଜତ୍ୱ କରିବେ ଓ ଅଧିପତିମାନେ ନ୍ୟାୟାନୁସାରେ ଶାସନ କରିବେ।
\v 2 ପୁଣି, ପ୍ରତ୍ୟେକେ ବତାସରୁ ଆଶ୍ରୟ ସ୍ଥାନ ଓ ଝଡ଼ରୁ ଆଶ୍ରୟ, ଶୁଷ୍କ ସ୍ଥାନରେ ଜଳସ୍ରୋତ, ଶ୍ରାନ୍ତିଜନକ ଭୂମିରେ ବୃହତ ଶୈଳର ଛାୟା ସ୍ୱରୂପ ହେବେ।
\v 3 ପୁଣି, ଦର୍ଶକମାନଙ୍କ ଚକ୍ଷୁ ଧନ୍ଦଳା ହେବ ନାହିଁ ଓ ଶ୍ରୋତାମାନଙ୍କର କର୍ଣ୍ଣ ମନୋଯୋଗ କରିବ।
\s5
\v 4 ଆହୁରି, ଅବିବେଚକର ଚିତ୍ତ ଜ୍ଞାନ ପାଇବ ଓ ତୋତଲାମାନଙ୍କର ଜିହ୍ୱା ସହଜରେ ସ୍ପଷ୍ଟ କଥା କହିବ।
\v 5 ମୂଢ଼ ଲୋକ ମହାତ୍ମା ବୋଲି ଓ ଖଳ ଲୋକ ଉଦାର ବୋଲି ଆଉ ବିଖ୍ୟାତ ହେବ ନାହିଁ।
\v 6 କାରଣ ପାଷାଣ୍ଡତା ବ୍ୟବହାର କରିବା ପାଇଁ ଓ ସଦାପ୍ରଭୁଙ୍କ ପ୍ରତିକୂଳରେ ଭ୍ରାନ୍ତିର କଥା କହିବା ପାଇଁ, କ୍ଷୁଧିତର ପ୍ରାଣ ଶୂନ୍ୟ କରିବା ପାଇଁ ଓ ତୃଷିତର ଜଳ ବାରଣ କରିବା ପାଇଁ ମୂଢ଼ ଲୋକ ଦୁଷ୍ଟତାର କଥା କହିବ ଓ ତାହାର ହୃଦୟ ଅଧର୍ମ କଳ୍ପନା କରିବ।
\s5
\v 7 ଆହୁରି, ଖଳ ଲୋକର ଉପାୟସବୁ ମନ୍ଦ; ସେ ନମ୍ର ଲୋକକୁ, ଅର୍ଥାତ୍‍, ଯଥାର୍ଥ କଥା କହିବା ବେଳେ ଦୀନହୀନକୁ ମିଥ୍ୟା କଥା ଦ୍ୱାରା ନାଶ କରିବା ପାଇଁ କୁସଂକଳ୍ପ କଳ୍ପନା କରେ।
\v 8 ମାତ୍ର ମହାତ୍ମା ମାହାତ୍ମ୍ୟର ମନ୍ତ୍ରଣା କରେ ଓ ସେ ମାହାତ୍ମ୍ୟର ଚେଷ୍ଟାରେ ସ୍ଥିର ରହିବ।
\s ସୁଖିନୀ ନାରୀଗଣଙ୍କ ବିପଦ
\p
\s5
\v 9 ହେ ସୁଖିନୀ ନାରୀଗଣ, ତୁମ୍ଭେମାନେ ଉଠି ମୋହର ରବ ଶୁଣ, ହେ ନିଶ୍ଚିନ୍ତା କନ୍ୟାଗଣ, ମୋ’ ବାକ୍ୟରେ କର୍ଣ୍ଣପାତ କର।
\v 10 ହେ ନିଶ୍ଚିନ୍ତା ନାରୀଗଣ, ତୁମ୍ଭେମାନେ ଏକ ବର୍ଷର ଉପରେ କେତେକ ଦିନ ଉଦ୍‍ବିଗ୍ନା ହେବ; କାରଣ ଦ୍ରାକ୍ଷାଫଳର ଅଭାବ ହେବ, ଫଳ ଅମଳର ସମୟ ଆସିବ ନାହିଁ।
\s5
\v 11 ହେ ସୁଖିନୀ ନାରୀଗଣ, ତୁମ୍ଭେମାନେ କମ୍ପିତା ହୁଅ; ହେ ନିଶ୍ଚିନ୍ତାମାନେ, ଉଦ୍‍ବିଗ୍ନା ହୁଅ; ବସ୍ତ୍ର କାଢ଼ି ବିବସ୍ତ୍ରା ହୁଅ ଓ ତୁମ୍ଭମାନଙ୍କ କଟିଦେଶରେ ଚଟ ବାନ୍ଧ।
\v 12 ସେମାନେ ମନୋରମ କ୍ଷେତ୍ର ଓ ଫଳବତୀ ଦ୍ରାକ୍ଷାଲତା ନିମନ୍ତେ ଛାତିରେ ମାରି ହେବେ।
\v 13 ମୋ’ ଲୋକମାନଙ୍କ ଭୂମି କଣ୍ଟକ ଓ କାନକୋଳି ବୃକ୍ଷମୟ ହେବ; ହଁ, ଉଲ୍ଲାସପ୍ରିୟ ନଗରର ଯାବତୀୟ ଆନନ୍ଦ-ଗୃହ ତାହା ହିଁ ହେବ;
\s5
\v 14 କାରଣ, ରାଜପୁରୀ ପରିତ୍ୟକ୍ତ ହେବ ଓ ଜନପୂର୍ଣ୍ଣ ନଗର ଜନଶୂନ୍ୟ ହେବ; ଗିରି ଓ ପ୍ରହରୀଦୁର୍ଗ ଚିରକାଳ ଗୁହାମୟ, ବନଗର୍ଦ୍ଦଭମାନଙ୍କର ଉଲ୍ଲାସ ଭୂମି ଓ ପଶୁପଲର ଚରାସ୍ଥାନ ହେବ;
\v 15 ଶେଷରେ ଉର୍ଦ୍ଧ୍ୱରୁ ଆମ୍ଭମାନଙ୍କ ଉପରେ ଆତ୍ମା ଢଳା ଗଲେ ପ୍ରାନ୍ତର ଉର୍ବରା କ୍ଷେତ୍ର ହେବ ଓ ଉର୍ବରା କ୍ଷେତ୍ର ଅରଣ୍ୟ ବୋଲି ଗଣାଯିବ।
\s5
\v 16 ସେତେବେଳେ ପ୍ରାନ୍ତରରେ ନ୍ୟାୟ ବିଚାର ବାସ କରିବ ଓ ଉର୍ବରା କ୍ଷେତ୍ରରେ ଧାର୍ମିକତା ବସତି କରିବ।
\v 17 ପୁଣି, ଧାର୍ମିକତାର କାର୍ଯ୍ୟ ଶାନ୍ତିମୟ ହେବ; ଆଉ, ଧାର୍ମିକତାର ଫଳ ନିତ୍ୟ ସୁସ୍ଥିରତା ଓ ନିର୍ଭୟତା ହେବ।
\v 18 ପୁଣି, ମୋହର ଲୋକମାନେ ଶାନ୍ତିମୟ ବସତି ସ୍ଥାନରେ, ଦୃଢ଼ ଆବାସରେ ଓ ସୁସ୍ଥିର ବିଶ୍ରାମ ସ୍ଥାନରେ ବାସ କରିବେ।
\s5
\v 19 ମାତ୍ର ଅରଣ୍ୟର ପତନରେ ଶିଳାବୃଷ୍ଟି ହେବ ଓ ନଗର ସମ୍ପୂର୍ଣ୍ଣ ରୂପେ ନିପାତିତ ହେବ।
\v 20 ସଜଳ ସ୍ଥାନସବୁରେ ବୀଜ ବୁଣୁଅଛ ଓ ଗୋରୁ ଗର୍ଦ୍ଦଭକୁ ବାହାରେ ପଠାଉଅଛ ଯେ ତୁମ୍ଭେମାନେ, ତୁମ୍ଭେମାନେ ଧନ୍ୟ।
\s5
\c 33
\s ସାହାଯ୍ୟ ପାଇଁ ପ୍ରାର୍ଥନା
\p
\v 1 ଆପେ ଲୁଟିତ ନୋହିଲେ ହେଁ ଲୁଟୁଅଛ ଯେ ତୁମ୍ଭେ; ପୁଣି, ଲୋକମାନେ ତୁମ୍ଭ ପ୍ରତି ବିଶ୍ୱାସଘାତକତା ନ କଲେ ହେଁ ବିଶ୍ୱାସଘାତକତା କରୁଅଛ ଯେ ତୁମ୍ଭେ, ତୁମ୍ଭେ ସନ୍ତାପର ପାତ୍ର ! ତୁମ୍ଭେ ଲୁଟିବାର ସମାପ୍ତ କଲା ଉତ୍ତାରେ ଲୁଟିତ ହେବ ଓ ବିଶ୍ୱାସଘାତକତା କରିବାର ସମାପ୍ତ କଲା ଉତ୍ତାରେ ଲୋକମାନେ ତୁମ୍ଭ ପ୍ରତି ବିଶ୍ୱାସଘାତକତା କରିବେ।
\s5
\v 2 ହେ ସଦାପ୍ରଭୁ, ଆମ୍ଭମାନଙ୍କ ପ୍ରତି କୃପା କର; ଆମ୍ଭେମାନେ ତୁମ୍ଭର ଅପେକ୍ଷା କରିଅଛୁ; ତୁମ୍ଭେ ପ୍ରତି ପ୍ରଭାତ ସେମାନଙ୍କର ବାହୁ ସ୍ୱରୂପ ହୁଅ, ସଙ୍କଟ ସମୟରେ ମଧ୍ୟ ଆମ୍ଭମାନଙ୍କର ଉଦ୍ଧାର ସ୍ୱରୂପ ହୁଅ।
\s5
\v 3 କୋଳାହଳର ଶବ୍ଦରେ ଗୋଷ୍ଠୀୟମାନେ ପଳାୟନ କଲେ, ତୁମ୍ଭେ ଉଠନ୍ତେ, ଅନ୍ୟ ଦେଶୀୟମାନେ ଛିନ୍ନଭିନ୍ନ ହେଲେ।
\v 4 ପୁଣି, ଯେପରି ପତଙ୍ଗ ସଂଗ୍ରହ କରେ, ସେହିପରି ତୁମ୍ଭମାନଙ୍କର ଲୁଟିତ ସଂଗୃହୀତ ହେବ; ଯେପରି ଫଡ଼ିଙ୍ଗମାନେ ଡିଆଁ ମାରନ୍ତି, ସେହିପରି ଲୋକମାନେ ତହିଁ ଉପରେ ଡିଆଁ ମାରିବେ।
\s5
\v 5 ସଦାପ୍ରଭୁ ଉନ୍ନତ; କାରଣ ସେ ଉର୍ଦ୍ଧ୍ୱଲୋକରେ ବାସ କରନ୍ତି; ସେ ସିୟୋନକୁ ନ୍ୟାୟ ବିଚାର ଓ ଧାର୍ମିକତାରେ ପୂର୍ଣ୍ଣ କରିଅଛନ୍ତି।
\v 6 ପୁଣି, ତୁମ୍ଭ ସମୟରେ ସୁସ୍ଥିରତା ହେବ; ପରିତ୍ରାଣର, ଜ୍ଞାନର ଓ ବୁଦ୍ଧିର ବାହୁଲ୍ୟ ହେବ; ସଦାପ୍ରଭୁ ବିଷୟକ ଭୟ ତାହାର ଭଣ୍ଡାର।
\s5
\v 7 ଦେଖ, ସେମାନଙ୍କର ବିକ୍ରମଶାଳୀମାନେ ବାହାରେ କ୍ରନ୍ଦନ କରୁଅଛନ୍ତି; ସନ୍ଧି-ଅନ୍ୱେଷଣକାରୀ ଦୂତମାନେ ଅତିଶୟ ରୋଦନ କରୁଅଛନ୍ତି।
\v 8 ରାଜପଥସବୁ ନରଶୂନ୍ୟ, ପଥିକ କେହି ନାହିଁ; ସେ ନିୟମ ଭାଙ୍ଗିଅଛି, ସେ ନଗରସବୁକୁ
\f +
\fr 33:8
\fq ନଗରସବୁକୁ
\ft ଅର୍ଥାତ୍ ସାକ୍ଷୀସବୁ
\f* ତୁଚ୍ଛ କରିଅଛି, ସେ ମନୁଷ୍ୟକୁ ଗଣେ ନାହିଁ।
\s5
\v 9 ଦେଶ ବିଳାପ କରି ମଳିନ ହେଉଅଛି; ଲିବାନୋନ ଲଜ୍ଜିତ ହୋଇ ଶୁଷ୍କ ହେଉଅଛି; ଶାରୋଣ ଅରଣ୍ୟ ତୁଲ୍ୟ ହୋଇଅଛି; ପୁଣି ବାଶନ ଓ କର୍ମିଲ୍‍ ପତ୍ର ଝାଡ଼ି ଦେଉଅଛନ୍ତି।
\s ପରମେଶ୍ୱରଙ୍କ ଚେତାବନୀ
\p
\s5
\v 10 ସଦାପ୍ରଭୁ କହନ୍ତି, “ଆମ୍ଭେ ଏବେ ଉଠିବା,” “ଆମ୍ଭେ ଏବେ ଆପଣାକୁ ଉଠାଇବା; ଆମ୍ଭେ ଏବେ ଉନ୍ନତ ହେବା।
\v 11 ତୁମ୍ଭେମାନେ ତୁଷରୂପ ଗର୍ଭଧାରଣ କରି ନଡ଼ା ପ୍ରସବ କରିବ; ତୁମ୍ଭମାନଙ୍କର ଅଗ୍ନିବତ୍‍ ଶ୍ୱାସବାୟୁ ତୁମ୍ଭମାନଙ୍କୁ ଗ୍ରାସ କରିବ।
\v 12 ପୁଣି, ଗୋଷ୍ଠୀୟମାନେ ଭସ୍ମୀକୃତ ଚୂନ ପରି ଓ ଅଗ୍ନିରେ ଦଗ୍ଧ କଟା କଣ୍ଟକ ତୁଲ୍ୟ ହେବେ।
\s5
\v 13 ହେ ଦୂରବର୍ତ୍ତୀ ଲୋକସମସ୍ତେ, ତୁମ୍ଭେମାନେ ଆମ୍ଭ କୃତ କର୍ମର କଥା ଶୁଣ; ପୁଣି, ହେ ନିକଟବର୍ତ୍ତୀ ଲୋକ ସମସ୍ତେ, ତୁମ୍ଭେମାନେ ଆମ୍ଭର ପରାକ୍ରମ ସ୍ୱୀକାର କର।”
\v 14 ସିୟୋନରେ ପାପୀମାନେ ଭୀତ ଅଟନ୍ତି; ଅଧାର୍ମିକମାନଙ୍କୁ କମ୍ପ ହଠାତ୍‍ ଆକ୍ରମଣ କରିଅଛି। ଆମ୍ଭମାନଙ୍କ ମଧ୍ୟରୁ କିଏ ସର୍ବଗ୍ରାସକ ଅଗ୍ନିରେ ବାସ କରିପାରେ ? ଆମ୍ଭମାନଙ୍କ ମଧ୍ୟରୁ କିଏ ଅନନ୍ତ କାଳସ୍ଥାୟୀ ଜ୍ୱଳନରେ ବାସ କରିପାରେ ?
\s5
\v 15 ଯେଉଁ ଲୋକ ଧର୍ମରୂପ ପଥରେ ଚାଲେ ଓ ଯେ ସରଳ କଥା କହେ; ଯେଉଁ ଲୋକ ଉପଦ୍ରବଜାତ ଲାଭ ତୁଚ୍ଛ କରେ ଓ ଲାଞ୍ଚ ଧରିବା ବିଷୟରୁ ଆପଣା ହାତ ଝାଡ଼ି ଦିଏ, ଯେ ରକ୍ତପାତ କଥାର ଶ୍ରବଣରୁ ଆପଣା କର୍ଣ୍ଣ ରୋଧ କରେ, ପୁଣି ଦୁଷ୍କର୍ମର ଦର୍ଶନରୁ ଆପଣା ଚକ୍ଷୁ ମୁଦ୍ରିତ କରେ;
\v 16 ସେ ଉଚ୍ଚ ସ୍ଥାନରେ ବାସ କରିବ; ଶୈଳଗଣର ଦୁରାକ୍ରମ ସ୍ଥାନ ତାହାର ଦୁର୍ଗ ସ୍ୱରୂପ ହେବ; ତାହାର ଭକ୍ଷ୍ୟ ତାହାକୁ ଦିଆଯିବ; ତାହାର ଜଳର ଅଭାବ ହେବ ନାହିଁ।
\s ଗୌରବୋଜ୍ୱଳ ଭବିଷ୍ୟତ
\p
\s5
\v 17 ତୁମ୍ଭର ଚକ୍ଷୁ ରାଜାଙ୍କୁ ତାହାଙ୍କ ସୌନ୍ଦର୍ଯ୍ୟରେ ଦର୍ଶନ କରିବ; ଏକ ଦୂରବ୍ୟାପୀ ଦେଶ ଦେଖିବ।
\v 18 ତୁମ୍ଭର ଚିତ୍ତ ଭୟ ବିଷୟ ଆନ୍ଦୋଳନ କରିବ; ସେ ଗଣନାକାରୀ କାହିଁ ? ମୁଦ୍ରା ତୌଲକାରୀ କାହିଁ ? ଦୁର୍ଗ ଗଣନାକାରୀ କାହିଁ ?
\v 19 ତୁମ୍ଭେ ସେହି ଦୁରନ୍ତ ଗୋଷ୍ଠୀକୁ, ଅର୍ଥାତ୍‍, ଯେଉଁମାନଙ୍କର ଗଭୀର ଭାଷା ତୁମ୍ଭେ ଜାଣି ପାରିଲ ନାହିଁ, ଯେଉଁମାନଙ୍କର ବିଦେଶୀୟ ଭାଷା ତୁମ୍ଭେ ବୁଝି ପାରିଲ ନାହିଁ, ସେହି ଗୋଷ୍ଠୀକୁ ଆଉ ଦେଖିବ ନାହିଁ।
\s5
\v 20 ଆମ୍ଭମାନଙ୍କର ପବିତ୍ର ସଭାସ୍ଥାନ ସିୟୋନ ନଗର ପ୍ରତି ଦୃଷ୍ଟି କର; ତୁମ୍ଭର ଚକ୍ଷୁ ଶାନ୍ତିମୟ ବସତିସ୍ଥାନ ଯିରୂଶାଲମକୁ ଦେଖିବ, ତାହା ଅଟଳ ତମ୍ବୁ ସ୍ୱରୂପ, ତହିଁର କିଳାସବୁ କେବେ ଉପୁଡ଼ା ଯିବ ନାହିଁ, କିଅବା ତହିଁର କୌଣସି ରଜ୍ଜୁ ଛିଣ୍ଡିବ ନାହିଁ।
\v 21 ମାତ୍ର ସେଠାରେ ସଦାପ୍ରଭୁ ପ୍ରତାପରେ ଆମ୍ଭମାନଙ୍କର ସହବର୍ତ୍ତୀ ହେବେ, ପ୍ରଶସ୍ତ ନଦନଦୀ ଓ ସ୍ରୋତସମୂହର ସ୍ଥାନ ସ୍ୱରୂପ ହେବେ; ସେହି ସ୍ଥାନରେ ଆହୁଲାଯୁକ୍ତ କୌଣସି ପୋତ ଗମନ କରିବ ନାହିଁ, କିଅବା ଭୟଙ୍କର ଜାହାଜ ତାହା ପାର ହେବ ନାହିଁ।
\s5
\v 22 କାରଣ ସଦାପ୍ରଭୁ ଆମ୍ଭମାନଙ୍କର ବିଚାରକର୍ତ୍ତା, ସଦାପ୍ରଭୁ ଆମ୍ଭମାନଙ୍କର ବ୍ୟବସ୍ଥାଦାତା, ସଦାପ୍ରଭୁ ଆମ୍ଭମାନଙ୍କର ରାଜା, ସେ ଆମ୍ଭମାନଙ୍କର ପରିତ୍ରାଣ କରିବେ।
\s5
\v 23 ତୁମ୍ଭର ପାଲଦଉଡ଼ିସବୁ ହୁଗୁଳା ହୋଇଅଛି, ସେହି ସବୁ ଆପଣା ମାସ୍ତୁଲକୁ ଦୃଢ଼ ଓ ପାଲକୁ ବିସ୍ତାର କରି ପାରିଲା ନାହିଁ; ସେତେବେଳେ ବିସ୍ତର ଲୁଟିତ ଦ୍ରବ୍ୟ ବିଭାଗ କରାଗଲା; ଛୋଟା ଲୋକ ଲୁଟିତ ଦ୍ରବ୍ୟ ଧରିଲା।
\v 24 ପୁଣି, ମୁଁ ପୀଡ଼ିତ ଅଛି ବୋଲି ନିବାସୀଲୋକ କହିବ ନାହିଁ; ତନ୍ନିବାସୀଲୋକମାନଙ୍କର ଅପରାଧ କ୍ଷମା କରାଯିବ।
\s5
\c 34
\s ଦେଶୀୟଗଣଙ୍କ ବିଚାର
\p
\v 1 ହେ ଦେଶୀୟଗଣ, ନିକଟକୁ ଆସି ଶ୍ରବଣ କର, ହେ ଗୋଷ୍ଠୀଗଣ, ତୁମ୍ଭେମାନେ ମନୋଯୋଗ କର; ପୃଥିବୀ ଓ ତତ୍ପୂର୍ଣ୍ଣତା ଶ୍ରବଣ କରୁ; ଜଗତ ଓ ତଦୁତ୍ପନ୍ନ ସକଳ ପଦାର୍ଥ ଶ୍ରବଣ କରୁ।
\v 2 କାରଣ ଦେଶୀୟ ସମସ୍ତଙ୍କ ପ୍ରତିକୂଳରେ ସଦାପ୍ରଭୁଙ୍କର କ୍ରୋଧ ଓ ସେମାନଙ୍କର ସମସ୍ତ ସୈନ୍ୟସାମନ୍ତର ପ୍ରତିକୂଳରେ ତାହାଙ୍କର ପ୍ରଚଣ୍ଡ କୋପ ଅଛି; ସେ ସେମାନଙ୍କୁ ସମ୍ପୂର୍ଣ୍ଣ ରୂପେ ବିନାଶ କରିଅଛନ୍ତି, ସେ ସେମାନଙ୍କୁ ହତ ହେବା ନିମନ୍ତେ ସମର୍ପଣ କରିଅଛନ୍ତି।
\s5
\v 3 ସେମାନଙ୍କର ହତ ଲୋକମାନେ ବାହାରେ ନିକ୍ଷିପ୍ତ ହେବେ, ସେମାନଙ୍କ ଶବରୁ ଦୁର୍ଗନ୍ଧ ଉଠିବ ଓ ସେମାନଙ୍କ ରକ୍ତରେ ପର୍ବତମାନ ତରଳି ଯିବ।
\v 4 ପୁଣି, ଆକାଶମଣ୍ଡଳର ସୈନ୍ୟ ସମସ୍ତେ କ୍ଷୟ ପାଇବେ ଓ ଗଗନମଣ୍ଡଳ ନଳାକାର ପୁସ୍ତକ ତୁଲ୍ୟ ଗୁଡ଼ା ହେବ; ଆଉ, ଯେପରି ଦ୍ରାକ୍ଷାଲତାର ଜୀର୍ଣ୍ଣପତ୍ର ଓ ଡିମ୍ବିରି ବୃକ୍ଷର ଜୀର୍ଣ୍ଣପତ୍ର, ସେହିପରି ସେମାନଙ୍କର ସୈନ୍ୟସାମନ୍ତସବୁ କ୍ଷୟ ପାଇବେ।
\s5
\v 5 କାରଣ ଆମ୍ଭର ଖଡ୍ଗ ସ୍ୱର୍ଗରେ ପରିତୃପ୍ତ ରୂପେ ପାନ କରିଅଛି; ଦେଖ, ବିଚାର ସାଧନାର୍ଥେ ତାହା ଇଦୋମର ଓ ଆମ୍ଭର ଅଭିଶପ୍ତ ଲୋକମାନଙ୍କର ଉପରେ ପଡ଼ିବ।
\v 6 ସଦାପ୍ରଭୁଙ୍କ ଖଡ୍ଗ ରକ୍ତରେ ପରିତୃପ୍ତ, ମେଦରେ ଓ ଛାଗଗଣର ଗୁର୍ଦାର ମେଦରେ ପୁଷ୍ଟ ହୋଇଅଛି; କାରଣ ବସ୍ରାରେ ସଦାପ୍ରଭୁଙ୍କର ଏକ ଯଜ୍ଞ ଓ ଇଦୋମ ଦେଶରେ ଏକ ମହାହତ୍ୟାକାଣ୍ଡ ହେବ।
\s5
\v 7 ପୁଣି, ସେମାନଙ୍କ ସଙ୍ଗେ ବନ୍ୟଗୋରୁ, ବୃଷଭ ସଙ୍ଗେ ଯୁବା ବୃଷ ଆସିବେ; ତହିଁରେ ସେମାନଙ୍କ ଦେଶ ରକ୍ତରେ ମତ୍ତ ଓ ସେମାନଙ୍କ ଧୂଳି ମେଦରେ ପୁଷ୍ଟ ହେବ।
\s5
\v 8 କାରଣ ଏହା ସଦାପ୍ରଭୁଙ୍କର ପ୍ରତିଶୋଧର ଦିନ, ଏହା ସିୟୋନର ବିବାଦ ସମ୍ବନ୍ଧୀୟ ପ୍ରତିଫଳର ବର୍ଷ।
\v 9 ପୁଣି, ତହିଁର ସ୍ରୋତସବୁ ଝୁଣାରେ, ତହିଁର ଧୂଳି ଗନ୍ଧକରେ ପରିଣତ ହେବ ଓ ତହିଁର ଭୂମି ପ୍ରଜ୍ୱଳିତ ଝୁଣା ହେବ।
\v 10 ତାହା ଦିବାରାତ୍ର ନିର୍ବାଣ ହେବ ନାହିଁ; ତହିଁର ଧୂମ ସଦାକାଳ ଉଠିବ; ପୁରୁଷାନୁକ୍ରମେ ତାହା ମରୁଭୂମି ହୋଇ ରହିବ; ଅନନ୍ତ କାଳ ତାହାର ମଧ୍ୟ ଦେଇ କେହି ଗମନ କରିବ ନାହିଁ।
\s5
\v 11 ମାତ୍ର ପାଣିଭେଳା ଓ ଝିଙ୍କ ତାହା ଅଧିକାର କରିବେ; ଆଉ, ପେଚା ଓ ଡାମରା କାଉ ତହିଁ ମଧ୍ୟରେ ବାସ କରିବେ; ପୁଣି, ସେ ତହିଁ ଉପରେ ଅବସ୍ତୁତାରୂପ ମାନରଜ୍ଜୁ ଓ ଶୂନ୍ୟତାରୂପ ଓଳମ ଟାଣିବେ।
\v 12 ସେମାନେ ତହିଁର କୁଳୀନମାନଙ୍କୁ ରାଜତ୍ୱ କରିବାକୁ ଡାକିବେ; ମାତ୍ର କେହି ସେଠାରେ ନ ଥିବେ ଓ ତହିଁର ଅଧିପତି ସମସ୍ତେ ଲୁପ୍ତ ହେବେ।
\s5
\v 13 ତହିଁର ଅଟ୍ଟାଳିକାସକଳରେ କଣ୍ଟକ ଓ ତହିଁର ଦୁର୍ଗସବୁରେ ବିଛୁଆତି, କଣ୍ଟକ ଲତା ବଢ଼ିବ, ତାହା ଶୃଗାଳଗଣର ବାସସ୍ଥାନ ଓ ଓଟପକ୍ଷୀଗଣର ଚରାସ୍ଥାନ ହେବ।
\v 14 ପୁଣି, ସେଠାରେ ବନ୍ୟ ପଶୁଗଣ କେନ୍ଦୁଆମାନଙ୍କ ସଙ୍ଗେ ମିଳିବେ ଓ ଛାଗ ଦେବତା ଆପଣା ସଙ୍ଗୀକୁ ଡାକିବ; ଆହୁରି, ନିଶାଚର ସେଠାରେ ବାସ କରି ବିଶ୍ରାମ ସ୍ଥାନ ପାଇବ।
\v 15 ସେହି ସ୍ଥାନରେ ଡିଆଁ ସର୍ପ ଆପଣା ବସା କରି ଡିମ୍ବ ଦେବ ଓ ଛୁଆ ଫୁଟାଇ ଆପଣା ଛାୟା ତଳେ ଏକତ୍ର କରିବ; ଆହୁରି, ଚିଲମାନେ ପ୍ରତ୍ୟେକେ ଆପଣା ଆପଣା ସଙ୍ଗିନୀ ସହିତ ସେଠାରେ ଏକତ୍ର ହେବେ।
\s5
\v 16 ତୁମ୍ଭେମାନେ ସଦାପ୍ରଭୁଙ୍କ ନଳାକାର ପୁସ୍ତକରୁ ଅନୁସନ୍ଧାନ କରି ପାଠ କର; ଏମାନଙ୍କ ମଧ୍ୟରୁ କେହି ଅନୁପସ୍ଥିତ ହେବ ନାହିଁ, କେହି ଆପଣା ସଙ୍ଗିନୀବିହୀନ ହେବ ନାହିଁ; କାରଣ ମୋ’ ମୁଖ ଦ୍ୱାରା ସେ ଏହା ଆଜ୍ଞା କରିଅଛନ୍ତି ଓ ତାହାଙ୍କର ଆତ୍ମା ସେମାନଙ୍କୁ ସଂଗ୍ରହ କରିଅଛି।
\v 17 ପୁଣି, ସେ ସେମାନଙ୍କ ନିମନ୍ତେ ଗୁଲିବାଣ୍ଟ କରିଅଛନ୍ତି ଓ ତାହାଙ୍କର ହସ୍ତ ପରିମାପକ ରଜ୍ଜୁ ଦ୍ୱାରା ତାହା ବିଭାଗ କରି ସେମାନଙ୍କୁ ଦେଇଅଛି; ସେମାନେ ତାହା ସଦା କାଳ ଅଧିକାର କରିବେ, ସେମାନେ ପୁରୁଷାନୁକ୍ରମେ ତହିଁ ମଧ୍ୟରେ ବାସ କରିବେ।
\s5
\c 35
\s ପବିତ୍ରତାର ପଥ
\p
\v 1 ପ୍ରାନ୍ତର ଓ ଶୂନ୍ୟସ୍ଥାନ ଆନନ୍ଦିତ ହେବ; ଆଉ, ମରୁଭୂମି ଉଲ୍ଲସିତ ହୋଇ ଗୋଲାପ ତୁଲ୍ୟ ପ୍ରଫୁଲ୍ଲ ହେବ।
\v 2 ତାହା ଅତିଶୟ ପ୍ରଫୁଲ୍ଲ ହେବ, ପୁଣି ଆନନ୍ଦ ଓ ଗାନ କରି ଉଲ୍ଲସିତ ହେବ; ଲିବାନୋନର ପ୍ରତାପ, କର୍ମିଲ୍‍ ଓ ଶାରୋଣର ଶୋଭା ତାହାକୁ ଦତ୍ତ ହେବ; ସେମାନେ ସଦାପ୍ରଭୁଙ୍କର ପ୍ରତାପ ଓ ଆମ୍ଭମାନଙ୍କ ପରମେଶ୍ୱରଙ୍କର ଶୋଭା ଦେଖିବେ।
\s5
\v 3 ତୁମ୍ଭେମାନେ ଦୁର୍ବଳ ହସ୍ତକୁ ସବଳ କର ଓ ଥର ଥର ଆଣ୍ଠୁକୁ ସୁସ୍ଥିର କର।
\v 4 ଭୀତାନ୍ତଃକରଣମାନଙ୍କୁ କୁହ, ସାହସିକ ହୁଅ, ଭୟ କର ନାହିଁ; ଦେଖ, ତୁମ୍ଭମାନଙ୍କ ପରମେଶ୍ୱର ପ୍ରତିଶୋଧ ସହିତ, ପରମେଶ୍ୱରଙ୍କର ପ୍ରତିଫଳ ସହିତ ଆସିବେ; ସେ ଆସି ତୁମ୍ଭମାନଙ୍କର ପରିତ୍ରାଣ କରିବେ।
\s5
\v 5 ସେତେବେଳେ ଅନ୍ଧମାନଙ୍କର ଚକ୍ଷୁ ପ୍ରସନ୍ନ ହେବ ଓ ବଧିରମାନଙ୍କର କର୍ଣ୍ଣ ମୁକ୍ତ ହେବ।
\v 6 ସେତେବେଳେ ନେଙ୍ଗଡ଼ା ଲୋକ ହରିଣ ପରି ଡିଆଁ ମାରିବ ଓ ଘୁଙ୍ଗାମାନଙ୍କର ଜିହ୍ୱା ଗାନ କରିବ; କାରଣ ପ୍ରାନ୍ତରରେ ଜଳ ଓ ମରୁଭୂମିରେ ସ୍ରୋତ ବାହାରିବ।
\v 7 ପୁଣି, ମୃଗତୃଷ୍ଣା ଜଳାଶୟ ହେବ ଓ ଶୁଷ୍କ ଭୂମି ନିର୍ଝରମୟ ହେବ; ଶୃଗାଳମାନଙ୍କର ନିବାସ ମଧ୍ୟରେ, ସେମାନଙ୍କର ଶୟନ ସ୍ଥାନରେ ଘାସ, ନଳ ଓ ତଣ୍ଡିବଣ ହେବ।
\s5
\v 8 ପୁଣି, ସେଠାରେ ଏକ ରାଜଦାଣ୍ଡ ଓ ପଥ ହେବ, ତାହା ପବିତ୍ରତାର ପଥ ବୋଲି ବିଖ୍ୟାତ ହେବ; ତାହା କେବଳ ସେମାନଙ୍କ ନିମନ୍ତେ ହେବ, ମାତ୍ର କୌଣସି ଅଶୁଚି ଲୋକ ତହିଁ ଉପରେ ଗମନ କରିବ ନାହିଁ; ପଥିକମାନେ ଓ ଅଜ୍ଞାନମାନେ ମଧ୍ୟ ତହିଁରେ ଭ୍ରାନ୍ତ ହେବେ ନାହିଁ।
\v 9 ସେଠାରେ କୌଣସି ସିଂହ ନ ଥିବ, କିଅବା କୌଣସି ହିଂସ୍ରକ ଜନ୍ତୁ ତହିଁ ଉପରକୁ ଯିବ ନାହିଁ, ସେମାନେ ସେଠାରେ ଦେଖାଯିବେ ନାହିଁ; ମାତ୍ର ମୁକ୍ତିପ୍ରାପ୍ତ ଲୋକମାନେ ସେଠାରେ ଗମନ କରିବେ;
\s5
\v 10 ପୁଣି, ସଦାପ୍ରଭୁଙ୍କ ନିସ୍ତାରିତ ଲୋକମାନେ ଫେରି ଆସିବେ ଓ ଗାନ କରୁ କରୁ ସିୟୋନରେ ଉପସ୍ଥିତ ହେବେ ଓ ନିତ୍ୟସ୍ଥାୟୀ ଆନନ୍ଦ ସେମାନଙ୍କର ମସ୍ତକର ଭୂଷଣ ହେବ; ସେମାନେ ଆନନ୍ଦ ଓ ଆହ୍ଲାଦପ୍ରାପ୍ତ ହେବେ, ପୁଣି ଶୋକ ଓ ଆର୍ତ୍ତସ୍ୱର ଦୂରକୁ ପଳାଇ ଯିବ।
\s5
\c 36
\s ଯିହୁଦା ଉପରେ ଅଶୂରର ଆକ୍ରମଣ
\p
\v 1 ହିଜକୀୟ ରାଜାଙ୍କ ରାଜତ୍ଵର ଚତୁର୍ଦ୍ଦଶ ବର୍ଷରେ ଅଶୂରର ରାଜା ସନ୍‍‌‌ହେରୀବ ଯିହୁଦାର ପ୍ରାଚୀରବେଷ୍ଟିତ ନଗରସବୁର ବିରୁଦ୍ଧରେ ଆସି ତାହାସବୁ ହସ୍ତଗତ କଲା।
\v 2 ତହିଁରେ ଅଶୂରର ରାଜା ରବ୍‍ଶାକିକୁ ମହାସୈନ୍ୟ ସହିତ ଲାଖୀଶ୍‍ଠାରୁ ଯିରୂଶାଲମକୁ ହିଜକୀୟ ରାଜା ନିକଟକୁ ପଠାଇଲା। ଆଉ, ସେ ରଜକର କ୍ଷେତ୍ର ପଥସ୍ଥିତ ଉପର ପୁଷ୍କରିଣୀର ନାଳ ନିକଟରେ ଠିଆ ହେଲା।
\v 3 ତେବେ ହିଲ୍‍କୀୟର ପୁତ୍ର ଇଲିୟାକୀମ୍‍ ନାମକ ରାଜଗୃହାଧ୍ୟକ୍ଷ, ଶିବ୍‍ନ ଲେଖକ ଓ ଆସଫର ପୁତ୍ର ଯୋୟାହ ନାମକ ଇତିହାସ ଲେଖକ ବାହାର ହୋଇ ତାହା ନିକଟକୁ ଆସିଲେ।
\s5
\v 4 ତହିଁରେ ରବ୍‍ଶାକି ସେମାନଙ୍କୁ କହିଲା, “ଏବେ ତୁମ୍ଭେମାନେ ହିଜକୀୟକୁ କୁହ, ମହାରାଜ ଅଶୂରର ରାଜା ଏହି କଥା କହନ୍ତି, ତୁମ୍ଭେ ଏହି ଯେଉଁ ବିଶ୍ୱାସ କରୁଅଛ, ତାହା କିରୂପ ବିଶ୍ୱାସ ?
\v 5 ମୁଁ କହୁଅଛି, ଯୁଦ୍ଧ କରିବା ପାଇଁ ତୁମ୍ଭର ମନ୍ତ୍ରଣା ଓ ବଳ କେବଳ ବୃଥା କଥା; ତୁମ୍ଭେ କାହା ଉପରେ ନିର୍ଭର କରି ମୋହର ବିଦ୍ରୋହୀ ହୋଇଅଛ ?
\s5
\v 6 ଦେଖ, ତୁମ୍ଭେ ଏହି ଛେଚାନଳର ଯଷ୍ଟି ରୂପ ମିସର ଉପରେ ନିର୍ଭର କରୁଅଛ; ମାତ୍ର କେହି ତହିଁ ଉପରେ ଆଉଜିଲେ, ତାହା ତାହାର ହାତରେ ପଶି ଫୋଡ଼ି ପକାଇବ; ଯେଉଁମାନେ ମିସ୍ରୀୟ ରାଜା ଫାରୋ ଉପରେ ନିର୍ଭର ରଖନ୍ତି, ସେସମସ୍ତଙ୍କ ପ୍ରତି ସେ ତ ଏହି ପ୍ରକାର।
\v 7 ମାତ୍ର ଯଦି ତୁମ୍ଭେ ମୋତେ କୁହ, “ଆମ୍ଭେମାନେ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କ ଉପରେ ନିର୍ଭର ରଖୁଅଛୁ; ତେବେ ହିଜକୀୟ ଯାହାଙ୍କ ଉଚ୍ଚସ୍ଥଳୀ ଓ ଯାହାଙ୍କ ଯଜ୍ଞବେଦିସବୁ ଦୂର କରି ଦେଇଅଛି, ଆଉ ଯିହୁଦାକୁ ଓ ଯିରୂଶାଲମକୁ କହିଅଛି, ତୁମ୍ଭେମାନେ ଏହି ଯଜ୍ଞବେଦି ସମ୍ମୁଖରେ ପ୍ରଣାମ କରିବ, ସେ କ’ଣ ସେହି ନୁହନ୍ତି ?”
\s5
\v 8 ଏହେତୁ ମୁଁ ବିନୟ କରୁଅଛି, ମୋ’ ପ୍ରଭୁ ଅଶୂରର ରାଜାଙ୍କ ସଙ୍ଗେ ପଣ କର, ମୁଁ ତୁମ୍ଭକୁ ଦୁଇ ହଜାର ଅଶ୍ୱ ଦେବି, ଯଦି ତୁମ୍ଭେ ପାର, ତେବେ ସେମାନଙ୍କ ଉପରେ ଚଢ଼ିବା ପାଇଁ ତୁମ୍ଭ ଆଡ଼ୁ ଲୋକ ଆଣ।
\s5
\v 9 ତେବେ କିପରି ତୁମ୍ଭେ ମୋ’ ପ୍ରଭୁଙ୍କ ଦାସମାନଙ୍କ ମଧ୍ୟରୁ ଏକ କ୍ଷୁଦ୍ରତମ ସେନାପତିକୁ ବିମୁଖ କରି ପାରିବ, ଆଉ ରଥ ଓ ଅଶ୍ୱାରୋହୀ ନିମନ୍ତେ ମିସର ଉପରେ ବିଶ୍ୱାସ କରିବ ?
\v 10 ମୁଁ କ’ଣ ସଦାପ୍ରଭୁଙ୍କ ବିନା ଏହି ସ୍ଥାନ ଧ୍ୱଂସ କରିବାକୁ ଆସିଅଛି ? ସଦାପ୍ରଭୁ ମୋତେ କହିଲେ, ଏହି ଦେଶ ବିରୁଦ୍ଧରେ ଯାଇ ତାହା ଧ୍ୱଂସ କର।”
\s5
\v 11 ଏଥିରେ ଇଲିୟାକୀମ୍‍, ଶିବ୍‍ନ ଓ ଯୋୟାହ ରବ୍‍ଶାକିକୁ କହିଲେ, “ବିନୟ କରୁଅଛୁ, ଆପଣ ଅରାମୀୟ ଭାଷାରେ ଆପଣା ଦାସମାନଙ୍କୁ କୁହନ୍ତୁ; କାରଣ ଆମ୍ଭେମାନେ ତାହା ବୁଝୁଅଛୁ; ପୁଣି, ପ୍ରାଚୀରର ଉପରିସ୍ଥ ଲୋକମାନଙ୍କ କର୍ଣ୍ଣଗୋଚରରେ ଆମ୍ଭମାନଙ୍କୁ ଯିହୁଦୀୟ ଭାଷାରେ ନ କୁହନ୍ତୁ।”
\v 12 ମାତ୍ର ରବ୍‍ଶାକି ସେମାନଙ୍କୁ କହିଲା, ମୋ’ ପ୍ରଭୁ କି ତୁମ୍ଭ ପ୍ରଭୁଙ୍କୁ ଓ ତୁମ୍ଭଙ୍କୁ ଏହି ସବୁ କଥା କହିବା ପାଇଁ ମୋତେ ପଠାଇଅଛନ୍ତି ? ଏହି ଯେଉଁ ଲୋକମାନେ ତୁମ୍ଭମାନଙ୍କ ସଙ୍ଗେ ଆପଣା ଆପଣା ବିଷ୍ଠା ଖାଇବାକୁ ଓ ମୂତ୍ର ପିଇବାକୁ ପ୍ରାଚୀର ଉପରେ ବସିଅଛନ୍ତି, ସେମାନଙ୍କ ନିକଟକୁ କ’ଣ ମୋତେ ପଠାଇ ନାହାନ୍ତି ?
\s5
\v 13 ତହୁଁ ରବ୍‍ଶାକି ଠିଆ ହୋଇ ଉଚ୍ଚସ୍ୱରରେ ଯିହୁଦୀୟ ଭାଷାରେ ଏହି କଥା କହିଲା, ତୁମ୍ଭେମାନେ ମହାରାଜ ଅଶୂରର ରାଜାଙ୍କ କଥା ଶୁଣ।
\v 14 ରାଜା ଏହି କଥା କହନ୍ତି, ତୁମ୍ଭମାନଙ୍କୁ ଭୁଲାଇବା ପାଇଁ ହିଜକୀୟକୁ ଦିଅ ନାହିଁ; କାରଣ ସେ ତୁମ୍ଭମାନଙ୍କୁ ଉଦ୍ଧାର କରିପାରିବ ନାହିଁ;
\v 15 କିଅବା “ସଦାପ୍ରଭୁ ନିଶ୍ଚୟ ଆମ୍ଭମାନଙ୍କୁ ଉଦ୍ଧାର କରିବେ ଓ ଏହି ନଗର ଅଶୂରୀୟ ରାଜାର ହସ୍ତଗତ ହେବ ନାହିଁ,” ଏହି କଥା କହି ହିଜକୀୟ ତୁମ୍ଭମାନଙ୍କୁ ସଦାପ୍ରଭୁଙ୍କଠାରେ ବିଶ୍ୱାସ ନ କରାଉ।
\s5
\v 16 ହିଜକୀୟର କଥା ଶୁଣ ନାହିଁ; କାରଣ ଅଶୂରୀୟ ରାଜା ଏହି କଥା କୁହନ୍ତି, ତୁମ୍ଭେମାନେ ମୋ’ ସଙ୍ଗେ ସନ୍ଧି କର ଓ ମୋ’ କତିକୁ ବାହାରି ଆସ ଓ ପ୍ରତ୍ୟେକେ ଆପଣା ଆପଣା ଦ୍ରାକ୍ଷାଫଳ ଓ ପ୍ରତ୍ୟେକେ ଆପଣା ଆପଣା ଡିମ୍ବିରି ଫଳ ଭୋଜନ କର, ଆଉ ପ୍ରତ୍ୟେକେ ଆପଣା ଆପଣା କୂପଜଳ ପାନ କର;
\v 17 ଶେଷରେ ମୁଁ ଆସି ତୁମ୍ଭମାନଙ୍କର ସ୍ୱଦେଶ ତୁଲ୍ୟ ଏକ ଦେଶକୁ, ଅର୍ଥାତ୍‍, ଶସ୍ୟ ଓ ଦ୍ରାକ୍ଷାରସମୟ ଦେଶ, ଆଉ ରୁଟି ଓ ଦ୍ରାକ୍ଷାକ୍ଷେତ୍ରମୟ ଦେଶକୁ ତୁମ୍ଭମାନଙ୍କୁ ନେଇ ଯିବି।
\s5
\v 18 ସଦାପ୍ରଭୁ ଆମ୍ଭମାନଙ୍କୁ ଉଦ୍ଧାର କରିବେ ବୋଲି କହି ହିଜକୀୟ ଯେପରି ତୁମ୍ଭମାନଙ୍କୁ ନ ମଣାଏ, ଏଥିପାଇଁ ସାବଧାନ ହୁଅ। ନାନା ଗୋଷ୍ଠୀୟମାନଙ୍କର ଦେବତାଗଣ ମଧ୍ୟରୁ କୌଣସି ଦେବତା କ’ଣ ଅଶୂରୀୟ ରାଜା ହସ୍ତରୁ ଆପଣା ଦେଶ ଉଦ୍ଧାର କରିଅଛି ?
\v 19 ହମାତର ଓ ଅର୍ପଦର ଦେବତାମାନେ କାହାନ୍ତି ? ସଫର୍ବୟିମର ଦେବତାମାନେ କାହାନ୍ତି ? ଓ ସେମାନେ କ’ଣ ମୋ’ ହସ୍ତରୁ ଶମରୀୟାକୁ ଉଦ୍ଧାର କରିଅଛନ୍ତି ?
\v 20 ଏହିସବୁ ଦେଶର ଦେବତାଗଣ ମଧ୍ୟରୁ କେଉଁ ଦେବତାମାନେ ମୋ’ ହସ୍ତରୁ ଆପଣାମାନଙ୍କର ଦେଶ ଉଦ୍ଧାର କରିଅଛନ୍ତି ଯେ, ସଦାପ୍ରଭୁ ମୋ’ ହସ୍ତରୁ ଯିରୂଶାଲମକୁ ଉଦ୍ଧାର କରିବେ ?
\s5
\v 21 ମାତ୍ର ଲୋକମାନେ ନୀରବ ହୋଇ ରହିଲେ, ତାହାକୁ ପଦେ ମାତ୍ର ଉତ୍ତର କଲେ ନାହିଁ; କାରଣ ତାହାକୁ ଉତ୍ତର ନ ଦିଅ ବୋଲି ରାଜାର ଆଜ୍ଞା ଥିଲା।
\v 22 ତହିଁରେ ହିଲ୍‍କୀୟର ପୁତ୍ର ଇଲିୟାକୀମ୍‍ ନାମକ ରାଜଗୃହାଧ୍ୟକ୍ଷ ଓ ଶିବ୍‍ନ ଲେଖକ ଓ ଆସଫର ପୁତ୍ର ଯୋୟାହ ନାମକ ଇତିହାସ ଲେଖକ ଆପଣା ଆପଣା ବସ୍ତ୍ର ଚିରି ହିଜକୀୟ ନିକଟକୁ ଆସି ରବ୍‍ଶାକିର କଥାସବୁ ତାହାକୁ ଜଣାଇଲେ।
\s5
\c 37
\s ହିଜକୀୟଙ୍କୁ ଯିଶାଇୟଙ୍କ ପରାମର୍ଶ
\p
\v 1 ଏଥିରେ ହିଜକୀୟ ରାଜା ତାହା ଶୁଣନ୍ତେ, ଆପଣା ବସ୍ତ୍ର ଚିରି ଓ ଅଖା ଘୋଡ଼ାଇ ହୋଇ ସଦାପ୍ରଭୁଙ୍କ ଗୃହକୁ ଗଲା।
\v 2 ପୁଣି, ସେ ରାଜଗୃହାଧ୍ୟକ୍ଷ ଇଲିୟାକୀମ୍‍କୁ, ଶିବ୍‍ନ ଲେଖକଙ୍କୁ ଓ ଯାଜକମାନଙ୍କର ପ୍ରାଚୀନବର୍ଗଙ୍କୁ ଅଖା ଘୋଡ଼ାଇ ଆମୋସଙ୍କ ପୁତ୍ର ଯିଶାଇୟ ଭବିଷ୍ୟଦ୍‍ବକ୍ତାଙ୍କ ନିକଟକୁ ପଠାଇଲା।
\s5
\v 3 ତହିଁରେ ସେମାନେ ତାଙ୍କୁ କହିଲେ, “ହିଜକୀୟ ଏହିପରି କହିଅଛନ୍ତି, ଆଜ ଦିନ ଆପଦ, ଅନୁଯୋଗ ଓ ଅପମାନର ଦିନ; କାରଣ ସନ୍ତାନଗଣ ପ୍ରସବଦ୍ୱାରରେ ଉପସ୍ଥିତ, ମାତ୍ର ପ୍ରସବ କରିବାକୁ ଶକ୍ତି ନାହିଁ।
\v 4 ହୋଇପାରେ, ଜୀବିତ ପରମେଶ୍ୱରଙ୍କୁ ଧିକ୍‍କାର କରିବା ପାଇଁ ଆପଣା ପ୍ରଭୁ ଅଶୂରୀୟ ରାଜା ଦ୍ୱାରା ପ୍ରେରିତ ରବ୍‍ଶାକିର ସମସ୍ତ କଥା ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଶୁଣିବେ, ପୁଣି ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଯେଉଁ କଥା ଶୁଣିଅଛନ୍ତି, ତହିଁ ଲାଗି ଅନୁଯୋଗ କରିବେ; ଏହେତୁ ଯେଉଁ ଅବଶିଷ୍ଟାଂଶ ଅଛନ୍ତି, ସେମାନଙ୍କ ନିମନ୍ତେ ତୁମ୍ଭେ ପ୍ରାର୍ଥନା କର।”
\s5
\v 5 ଏହିରୂପେ ହିଜକୀୟ ରାଜାର ଦାସମାନେ ଯିଶାଇୟଙ୍କ ନିକଟରେ ଉପସ୍ଥିତ ହେଲେ।
\v 6 ତହିଁରେ ଯିଶାଇୟ ସେମାନଙ୍କୁ କହିଲେ, “ତୁମ୍ଭେମାନେ ଆପଣା ପ୍ରଭୁଙ୍କୁ ଏହିପରି କହିବ, ସଦାପ୍ରଭୁ କହନ୍ତି, ଅଶୂରୀୟ ରାଜାର ଦାସମାନେ ଆମ୍ଭଙ୍କୁ ନିନ୍ଦା କରିବାର ଯେଉଁ କଥା ତୁମ୍ଭେ ଶୁଣିଅଛ, ତହିଁରେ ଭୀତ ହୁଅ ନାହିଁ।
\v 7 ଦେଖ, ଆମ୍ଭେ ତାହା ମଧ୍ୟରେ ଏକ ଆତ୍ମା ଦେବା, ପୁଣି ସେ କୌଣସି ଜନରବ ଶୁଣି ଆପଣା ଦେଶକୁ ଫେରିଯିବ; ଆଉ, ଆମ୍ଭେ ତାହାର ନିଜ ଦେଶରେ ଖଡ୍ଗ ଦ୍ୱାରା ତାହାକୁ ନିପାତ କରିବା।”
\s5
\v 8 ଏଥିଉତ୍ତାରେ ଅଶୂରୀୟ ରାଜା ଲାଖୀଶ୍‍ଠାରୁ ପ୍ରସ୍ଥାନ କରିଅଛି ବୋଲି ରବ୍‍ଶାକି ଶୁଣି ଫେରିଗଲା ଓ ତାହାକୁ ଲିବ୍‍ନା ବିରୁଦ୍ଧରେ ଯୁଦ୍ଧ କରୁଥିବାର ଦେଖିଲା।
\v 9 ପୁଣି, ଅଶୂରୀୟ ରାଜା କୂଶଦେଶୀୟ ତିର୍ହକ ରାଜା ବିଷୟରେ ଏହି କଥା ଶୁଣିଲା ଯେ, ସେ ତୁମ୍ଭ ବିରୁଦ୍ଧରେ ଯୁଦ୍ଧ କରିବାକୁ ଆସିଅଛି; ଏହା ଶୁଣି ସେ ହିଜକୀୟ ନିକଟକୁ ଦୂତଗଣ ପଠାଇ କହିଲା,
\v 10 “ତୁମ୍ଭେମାନେ ଯିହୁଦାର ରାଜା ହିଜକୀୟକୁ ଏହି କଥା କହିବ, ଯିରୂଶାଲମ ଅଶୂରୀୟ ରାଜାର ହସ୍ତଗତ ହେବ ନାହିଁ, ଏହି କଥା କହି ତୁମ୍ଭର ବିଶ୍ୱାସ-ଭୂମି ପରମେଶ୍ୱର ତୁମ୍ଭକୁ ନ ଭୁଲାଉନ୍ତୁ।”
\s5
\v 11 ଦେଖ, ଅଶୂରୀୟ ରାଜାମାନେ ନିଃଶେଷ ରୂପେ ବିନାଶ କରିବା ଦ୍ୱାରା ସମୁଦାୟ ଦେଶ ପ୍ରତି ଯାହା କରିଅଛନ୍ତି, ତାହା ତୁମ୍ଭେ ଶୁଣିଅଛ; ଆଉ, ତୁମ୍ଭେ କ’ଣ ଉଦ୍ଧାର ପାଇବ ?
\v 12 ମୋ’ ପିତୃଲୋକମାନେ ଯେଉଁ ଗୋଶନ, ହାରଣ, ରେତ୍‍ସଫ ଦେଶୀୟମାନଙ୍କୁ ଓ ତଳଃସର ନିବାସୀ ଏଦନ ସନ୍ତାନମାନଙ୍କୁ ବିନାଶ କଲେ, ସେମାନଙ୍କର ଦେବତାମାନେ କ’ଣ ସେମାନଙ୍କୁ ଉଦ୍ଧାର କଲେ ?
\v 13 ହମାତର ରାଜା, ଅର୍ପଦର ରାଜା, ସଫର୍ବୟିମ ନଗରର, ହେନାର ଓ ଅବ୍ବାର ରାଜା କାହାନ୍ତି ?
\s ହିଜକୀୟଙ୍କ ପ୍ରାର୍ଥନା
\p
\s5
\v 14 ତହିଁରେ ହିଜକୀୟ ଦୂତଗଣର ହସ୍ତରୁ ପତ୍ର ଗ୍ରହଣ କରି ତାହା ପାଠ କଲା; ଆଉ, ହିଜକୀୟ ସଦାପ୍ରଭୁଙ୍କ ଗୃହକୁ ଯାଇ ସଦାପ୍ରଭୁଙ୍କ ସମ୍ମୁଖରେ ତାହା ମେଲାଇଲା।
\v 15 ଆଉ, ହିଜକୀୟ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରି କହିଲା,
\v 16 “ହେ କିରୂବଗଣ ଉପରେ ଉପବିଷ୍ଟ ସୈନ୍ୟାଧିପତି ସଦାପ୍ରଭୁ, ଇସ୍ରାଏଲର ପରମେଶ୍ୱର, ତୁମ୍ଭେ, କେବଳ ତୁମ୍ଭେ ପୃଥିବୀସ୍ଥ ସମୁଦାୟ ରାଜ୍ୟର ପରମେଶ୍ୱର ଅଟ; ତୁମ୍ଭେ ସ୍ୱର୍ଗ ଓ ପୃଥିବୀ ନିର୍ମାଣ କରିଅଛ।
\s5
\v 17 ହେ ସଦାପ୍ରଭୁ, ଆପଣା କର୍ଣ୍ଣ ଡେରି ଶୁଣ; ହେ ସଦାପ୍ରଭୁ, ଆପଣା ଚକ୍ଷୁ ଫିଟାଇ ଦେଖ; ପୁଣି, ଜୀବିତ ପରମେଶ୍ୱରଙ୍କୁ ଧିକ୍‍କାର କରିବା ପାଇଁ ସନ୍‍‌‌ହେରୀବ ଯାହା କହି ପଠାଇଅଛି, ତାହାର ସେହିସବୁ କଥା ଶୁଣ।
\v 18 ହେ ସଦାପ୍ରଭୁ, ଅଶୂରୀୟ ରାଜାମାନେ ସର୍ବଦେଶୀୟ ଲୋକମାନଙ୍କୁ, ସେମାନଙ୍କର ଦେଶକୁ ଉଚ୍ଛିନ୍ନ କରିଅଛନ୍ତି
\s5
\v 19 ଓ ସେମାନଙ୍କର ଦେବତାଗଣକୁ ଅଗ୍ନିରେ ନିକ୍ଷେପ କରିଅଛନ୍ତି, ଏହା ସତ୍ୟ; କାରଣ ସେମାନେ ପରମେଶ୍ୱର ନୁହନ୍ତି, ମନୁଷ୍ୟର ହସ୍ତକୃତ କର୍ମ, କାଷ୍ଠ ଓ ପ୍ରସ୍ତର ମାତ୍ର; ଏହେତୁ ସେମାନେ ସେମାନଙ୍କୁ ବିନାଶ କରିଅଛନ୍ତି।
\v 20 ଏଣୁ ଏବେ, ହେ ସଦାପ୍ରଭୁ, ଆମ୍ଭମାନଙ୍କ ପରମେଶ୍ୱର, ତାହାର ହସ୍ତରୁ ଆମ୍ଭମାନଙ୍କୁ ଉଦ୍ଧାର କର, ତହିଁରେ ତୁମ୍ଭେ, କେବଳ ତୁମ୍ଭେ ଯେ ସଦାପ୍ରଭୁ ଅଟ, ଏହା ପୃଥିବୀସ୍ଥ ସମୁଦାୟ ରାଜ୍ୟ ଜାଣିବେ।”
\s ସନ୍‍‌‌ହେରୀବର ପତନ
\p
\s5
\v 21 ଏଉତ୍ତାରେ ଆମୋସଙ୍କ ପୁତ୍ର ଯିଶାଇୟ ହିଜକୀୟ ନିକଟକୁ କହି ପଠାଇଲେ, ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, “ତୁମ୍ଭେ ଅଶୂରର ରାଜା ସନ୍‍‌‌ହେରୀବ ବିରୁଦ୍ଧରେ ଆମ୍ଭ ନିକଟରେ ପ୍ରାର୍ଥନା କରିବାରୁ,
\v 22 ସଦାପ୍ରଭୁ ତାହା ବିଷୟରେ ଏହି କଥା କହିଅଛନ୍ତି; ସିୟୋନର ଅନୂଢ଼ା କନ୍ୟା ତୁମ୍ଭକୁ ତୁଚ୍ଛ କରିଅଛି ଓ ତୁମ୍ଭକୁ ପରିହାସ କରିଅଛି; ଯିରୂଶାଲମର କନ୍ୟା ତୁମ୍ଭ ଆଡ଼େ ମୁଣ୍ଡ ହଲାଇଅଛି।
\v 23 ତୁମ୍ଭେ କାହାକୁ ଧିକ୍‍କାର ଓ ନିନ୍ଦା କରିଅଛ ? ଓ ତୁମ୍ଭେ କାହା ବିରୁଦ୍ଧରେ ଆପଣା ରବ ଉଚ୍ଚ କରିଅଛ ଓ ଆପଣା ଚକ୍ଷୁ ଉର୍ଦ୍ଧ୍ୱକୁ ଉଠାଇଅଛ ? ଇସ୍ରାଏଲର ଧର୍ମସ୍ୱରୂପଙ୍କ ବିରୁଦ୍ଧରେ ତ।
\s5
\v 24 ତୁମ୍ଭେ ଆପଣା ଦାସଗଣ ଦ୍ୱାରା ପ୍ରଭୁଙ୍କୁ ଧିକ୍‍କାର କରିଅଛ ଓ କହିଅଛ, ଆମ୍ଭେ ଆପଣା ଅପାର ରଥରେ ପର୍ବତଗଣର ଉର୍ଦ୍ଧ୍ୱକୁ ଲିବାନୋନର ଅଭ୍ୟନ୍ତରକୁ ଆସିଅଛୁ: ଆଉ, ଆମ୍ଭେ ତହିଁର ଉଚ୍ଚ ଏରସ ବୃକ୍ଷ ଓ ତହିଁର ଉତ୍କୃଷ୍ଟ ଦେବଦାରୁ ବୃକ୍ଷସବୁ କାଟି ପକାଇବା; ପୁଣି, ଆମ୍ଭେ ତାହାର ଦୂରବର୍ତ୍ତୀ ଉଚ୍ଚ ସ୍ଥାନରେ ଓ ତାହାର ଫଳପୂର୍ଣ୍ଣ କ୍ଷେତ୍ରରୂପ ଅରଣ୍ୟରେ ପ୍ରବେଶ କରିବା।
\v 25 ଆମ୍ଭେ ଖୋଳି ଜଳ ପାନ କରିଅଛୁ, ଆଉ ଆମ୍ଭେ ଆପଣା ପଦତଳରେ ମିସରର ନଦୀସବୁ ଶୁଷ୍କ କରିବା।
\s5
\v 26 କିପରି ଆମ୍ଭେ ଦୀର୍ଘ କାଳରୁ ଏହା ନିରୂପଣ କରିଅଛୁ ଓ ପୂର୍ବକାଳରୁ ଏହା ସ୍ଥିର କରିଅଛୁ, ଏହା କ’ଣ ତୁମ୍ଭେ ଶୁଣି ନାହଁ ? ତୁମ୍ଭେ ଯେ ପ୍ରାଚୀରବେଷ୍ଟିତ ନଗରମାନ ବିନାଶ କରି ସେହି ସବୁକୁ ଢିପି କରିବ, ଏହା ଏବେ ଆମ୍ଭେ ସଫଳ କରିଅଛୁ।
\v 27 ଏହେତୁ ତନ୍ନିବାସୀମାନେ ଅଳ୍ପ ଶକ୍ତିବିଶିଷ୍ଟ ହେଲେ, ସେମାନେ ହତାଶ ଓ ଉଦ୍‍ବିଗ୍ନ ହେଲେ; ସେମାନେ କ୍ଷେତ୍ରର ଘାସ ଓ ନବୀନ ତୃଣ, ଗୃହଛାତର ଉପରିସ୍ଥ ଘାସ ଓ ଅପକ୍ୱ ଶସ୍ୟକ୍ଷେତ୍ର ତୁଲ୍ୟ ହେଲେ।
\s5
\v 28 ମାତ୍ର ତୁମ୍ଭର ବସିବାର, ବାହାରେ ଯିବାର, ଭିତରେ ଆସିବାର ଓ ଆମ୍ଭ ବିରୁଦ୍ଧରେ କ୍ରୋଧ କରିବାର ଆମ୍ଭେ ଜାଣୁ।
\v 29 ତୁମ୍ଭେ ଆମ୍ଭ ବିରୁଦ୍ଧରେ କ୍ରୋଧ କରିଅଛ ଓ ତୁମ୍ଭର ଦର୍ପ କଥା ଆମ୍ଭ କର୍ଣ୍ଣରେ ଉପସ୍ଥିତ ହୋଇଅଛି, ଏଥିପାଇଁ ଆମ୍ଭେ ତୁମ୍ଭ ନାସିକାରେ ଆପଣା ଅଙ୍କୁଶ ଓ ତୁମ୍ଭ ଓଷ୍ଠରେ ଆପଣା ଲଗାମ ଦେବା, ପୁଣି ତୁମ୍ଭେ ଯେଉଁ ବାଟରେ ଆସିଲ, ସେହି ବାଟରେ ଆମ୍ଭେ ତୁମ୍ଭକୁ ଫେରାଇ ଦେବା।”
\s5
\v 30 ଏଣୁ (ହେ ହିଜକୀୟ,) ତୁମ୍ଭ ପ୍ରତି ଏହି ଚିହ୍ନ ହେବ; ତୁମ୍ଭେମାନେ ଏହି ବର୍ଷ ସ୍ୱୟଂ ଉତ୍ପନ୍ନ ଶସ୍ୟ ଓ ଦ୍ୱିତୀୟ ବର୍ଷ ତହିଁରୁ ଅଙ୍କୁରିତ ଶସ୍ୟ ଭୋଜନ କରିବ; ପୁଣି, ତୃତୀୟ ବର୍ଷ ବୀଜ ବୁଣି ଶସ୍ୟ କାଟିବ ଓ ଦ୍ରାକ୍ଷାକ୍ଷେତ୍ର କରି ତହିଁର ଫଳ ଭୋଗ କରିବ।
\s5
\v 31 ପୁଣି, ଯିହୁଦା ବଂଶର ରକ୍ଷାପ୍ରାପ୍ତ ଅବଶିଷ୍ଟ ଲୋକମାନେ ପୁନର୍ବାର ତଳକୁ ଚେର ମାଡ଼ିବେ ଓ ଉପରେ ଫଳ ଫଳିବେ।
\v 32 କାରଣ ଯିରୂଶାଲମରୁ ଏକ ଅବଶିଷ୍ଟାଂଶ ଲୋକେ ଓ ରକ୍ଷାପ୍ରାପ୍ତ ଲୋକେ ସିୟୋନ ପର୍ବତରୁ ବାହାରିବେ; ସୈନ୍ୟାଧିପତି ସଦାପ୍ରଭୁଙ୍କର ଉଦ୍‍ଯୋଗ ଏହା ସିଦ୍ଧ କରିବ।
\s5
\v 33 ଏହେତୁ ସଦାପ୍ରଭୁ ଅଶୂରୀୟ ରାଜା ବିଷୟରେ ଏହି କଥା କହନ୍ତି, “ସେ ଏହି ନଗରକୁ ଆସିବ ନାହିଁ, ଅବା ସେଠାରେ ତୀର ମାରିବ ନାହିଁ, କିଅବା ତହିଁ ସମ୍ମୁଖକୁ ଢାଲ ଧରି ଆସିବ ନାହିଁ, ଅଥବା ତହିଁ ବିରୁଦ୍ଧରେ ବନ୍ଧ ବାନ୍ଧିବ ନାହିଁ।
\v 34 ସଦାପ୍ରଭୁ କହନ୍ତି, ସେ ଯେଉଁ ବାଟରେ ଆସିଲା, ସେହି ବାଟରେ ଫେରିଯିବ ଓ ସେ ଏହି ନଗରକୁ ଆସିବ ନାହିଁ।
\s5
\v 35 କାରଣ ଆମ୍ଭେ ଆପଣା ସକାଶୁ ଓ ଆମ୍ଭ ଦାସ ଦାଉଦ ସକାଶୁ ଏହି ନଗରକୁ ରକ୍ଷା କରିବା ପାଇଁ ସପକ୍ଷ ହେବା।”
\s5
\v 36 ଏଥିଉତ୍ତାରେ ସଦାପ୍ରଭୁଙ୍କ ଦୂତ ବାହାରି ଅଶୂରୀୟମାନଙ୍କ ଛାଉଣିରେ ଏକ ଲକ୍ଷ ପଞ୍ଚାଶୀ ସହସ୍ର ଲୋକ ସଂହାର କଲେ; ପୁଣି, ଲୋକମାନେ ଅତି ପ୍ରଭାତରେ ଉଠନ୍ତେ, ଦେଖ, ସମସ୍ତେ ମୃତ ଶବ।
\v 37 ତହିଁରେ ଅଶୂରର ରାଜା ସନ୍‍‌‌ହେରୀବ ପ୍ରସ୍ଥାନ କଲା ଓ ଫେରିଯାଇ ନୀନିବୀରେ ବାସ କଲା।
\s5
\v 38 ଏଉତ୍ତାରେ ସେ ଆପଣାର ନିଷ୍ରୋକ ନାମକ ଦେବତାର ଗୃହରେ ପୂଜା କରିବା ବେଳେ ଅଦ୍ରମ୍ମେଲକ୍‍ ଓ ଶରେତ୍‍ସର ନାମକ ତାହାର ଦୁଇ ପୁତ୍ର ତାହାକୁ ଖଡ୍ଗରେ ବଧ କଲେ। ତହୁଁ ସେମାନେ ଆରାରାଟ୍‍ ଦେଶକୁ ପଳାୟନ କଲେ। ପୁଣି, ତାହାର ପୁତ୍ର ଏସର୍‍ହଦ୍ଦୋନ୍‍ ତାହାର ପଦରେ ରାଜ୍ୟ କଲା।
\s5
\c 38
\s ହିଜକୀୟଙ୍କ ଅସୁସ୍ଥତା ଓ ଆରୋଗ୍ୟ ଲାଭ
\p
\v 1 ସେହି ସମୟରେ ହିଜକୀୟର ସାଂଘାତିକ ପୀଡ଼ା ହୋଇଥିଲା। ତହିଁରେ ଆମୋସଙ୍କ ପୁତ୍ର ଯିଶାଇୟ ଭବିଷ୍ୟଦ୍‍ବକ୍ତା ତାହା ନିକଟକୁ ଆସି କହିଲେ, “ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେ ଆପଣା ଗୃହ ବିଷୟ ସଜାଡ଼; କାରଣ ତୁମ୍ଭେ ମରିବ, ବଞ୍ଚିବ ନାହିଁ।”
\v 2 ଏଥିରେ ହିଜକୀୟ କାନ୍ଥଆଡ଼େ ମୁଖ ଫେରାଇ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରି କହିଲା,
\v 3 “ହେ ସଦାପ୍ରଭୁ, ମୁଁ ବିନୟ କରୁଅଛି, ମୁଁ କିପରି ସତ୍ୟତାରେ ଓ ସିଦ୍ଧ ଅନ୍ତଃକରଣରେ ତୁମ୍ଭ ସମ୍ମୁଖରେ ଗମନାଗମନ କରିଅଛି ଓ ତୁମ୍ଭ ଦୃଷ୍ଟିରେ ଉତ୍ତମ କର୍ମ କରିଅଛି, ଏହା ଏବେ ସ୍ମରଣ କର।” ଆଉ, ହିଜକୀୟ ଅତିଶୟ ରୋଦନ କଲା।
\s5
\v 4 ସେତେବେଳେ ଯିଶାଇୟଙ୍କ ନିକଟରେ ସଦାପ୍ରଭୁଙ୍କର ବାକ୍ୟ ଉପସ୍ଥିତ ହେଲା।
\v 5 ତୁମ୍ଭେ ଯାଇ ହିଜକୀୟକୁ କୁହ, ସଦାପ୍ରଭୁ, ତୁମ୍ଭ ପୂର୍ବପୁରୁଷ ଦାଉଦଙ୍କ ପରମେଶ୍ୱର ଏହି କଥା କହନ୍ତି, “ଆମ୍ଭେ ତୁମ୍ଭର ପ୍ରାର୍ଥନା ଶୁଣିଅଛୁ, ତୁମ୍ଭର ଲୋତକ ଦେଖିଅଛୁ, ଦେଖ, ଆମ୍ଭେ ତୁମ୍ଭର ଆୟୁ ପନ୍ଦର ବର୍ଷ ବୃଦ୍ଧି କରିବା।
\v 6 ପୁଣି, ଆମ୍ଭେ ତୁମ୍ଭକୁ ଓ ଏହି ନଗରକୁ ଅଶୂରୀୟ ରାଜା ହସ୍ତରୁ ରକ୍ଷା କରିବା ଓ ଆମ୍ଭେ ଏହି ନଗରର ସପକ୍ଷ ହେବା।
\s5
\v 7 ଆଉ, ସଦାପ୍ରଭୁ ଆପଣା ଉକ୍ତ ବାକ୍ୟ ଯେ ସଫଳ କରିବେ, ତୁମ୍ଭ ପ୍ରତି ସଦାପ୍ରଭୁଙ୍କଠାରୁ ଏହି ଚିହ୍ନ ହେବ;
\v 8 ଦେଖ, ଆମ୍ଭେ ଆହସ୍‌ର ସୂର୍ଯ୍ୟ ଘଟିକାରେ ସୂର୍ଯ୍ୟର ଛାୟା ଯେତେ ଆଗକୁ ଯାଇଅଛି, ତାହା ଦଶ ପାହୁଣ୍ଡ ପଛକୁ ଫେରାଇ ଆଣିବା।” ତହୁଁ ଘଟିକାରେ ସୂର୍ଯ୍ୟ ଯେଉଁ ଦଶ ପାହୁଣ୍ଡ ଆଗକୁ ଯାଇଥିଲା, ପଛକୁ ସେତିକି ଫେରି ଆସିଲା।
\s5
\v 9 ଯିହୁଦାର ରାଜା ହିଜକୀୟ ପୀଡ଼ିତ ହୋଇ ଆପଣା ପୀଡ଼ାରୁ ସୁସ୍ଥ ହେଲା ଉତ୍ତାରେ ଏହା ଲେଖିଲା, ଯଥା,
\v 10 ମୁଁ କହିଲି, “ମୁଁ ଆପଣା ଆୟୁର ମଧ୍ୟାହ୍ନ ସମୟରେ ପାତାଳର ପୁରଦ୍ୱାରରେ ପ୍ରବେଶ କରିବି; ମୁଁ ଆପଣା ବର୍ଷସମୂହର ଅବଶିଷ୍ଟାଂଶ ପ୍ରାପ୍ତିରୁ ବଞ୍ଚିତ ହେଲି।
\v 11 ମୁଁ କହିଲି ମୁଁ ସଦାପ୍ରଭୁଙ୍କୁ, ଜୀବିତମାନଙ୍କ ଦେଶରେ ସଦାପ୍ରଭୁଙ୍କୁ ଦେଖିବି ନାହିଁ; ମୁଁ ଜଗନ୍ନିବାସୀମାନଙ୍କ ସହିତ ମନୁଷ୍ୟକୁ ଆଉ ଦେଖିବି ନାହିଁ।
\s5
\v 12 ମୋହର ଆୟୁ ଦୂରୀକୃତ ହୋଇଅଛି ଓ ମେଷପାଳକର ତମ୍ବୁ ପରି ମୋ’ଠାରୁ ସ୍ଥାନାନ୍ତରିତ ହୋଇଅଛି; ମୁଁ ତନ୍ତୀ ପରି ଆପଣା ଜୀବନ ଗୁଡ଼ାଇଅଛି; ସେ ମୋତେ ତନ୍ତରୁ କାଟି ପକାଇବେ; ଏକ ଦିବାରାତ୍ର ମଧ୍ୟରେ ସେ ମୋତେ ଶେଷ କରିବେ।
\v 13 ମୁଁ ପ୍ରଭାତ ପର୍ଯ୍ୟନ୍ତ ଆପଣାକୁ ସୁସ୍ଥିର କଲି; ଯେପରି ସିଂହ, ସେହିପରି ସେ ମୋହର ଅସ୍ଥିସବୁ ଚୂର୍ଣ୍ଣ କରୁଅଛନ୍ତି; ଏକ ଦିବାରାତ୍ର ମଧ୍ୟରେ ତୁମ୍ଭେ ମୋତେ ଶେଷ କରିବ।
\s5
\v 14 ଯେପରି ତାଳଚୋଞ୍ଚ ଅବା ସାରସ ପକ୍ଷୀ ଶବ୍ଦ କରନ୍ତି, ସେହିପରି ମୁଁ ଚିଁ ଚିଁ ଶବ୍ଦ କଲି; ମୁଁ କପୋତ ପରି ଶୋକ କଲି; ଉପରକୁ ଅନାଇ ଅନାଇ ମୋହର ଚକ୍ଷୁ କ୍ଷୀଣ ହେଉଅଛି; ହେ ସଦାପ୍ରଭୁ, ମୁଁ ଉପଦ୍ରବଗ୍ରସ୍ତ, ତୁମ୍ଭେ ମୋହର ଲଗା ହୁଅ।
\v 15 ମୁଁ କଅଣ କହିବି ? ସେ ତ ମୋତେ କହିଅଛନ୍ତି, ମଧ୍ୟ ଆପେ ତାହା ସାଧନ କରିଅଛନ୍ତି; ମୁଁ ଆପଣା ପ୍ରାଣର ତିକ୍ତତା ସକାଶୁ ଆପଣାର ସବୁ ବର୍ଷଯାକ ଧୀରେ ଧୀରେ ଗମନ କରିବି।
\s5
\v 16 ହେ ପ୍ରଭୁ, ଏହିସବୁ ଦ୍ୱାରା ଲୋକେ ବଞ୍ଚନ୍ତି, ଆଉ ତହିଁରେ ହିଁ ସମ୍ପୂର୍ଣ୍ଣ ରୂପେ ମୋ’ ଆତ୍ମାର ଜୀବନ ଅଛି, ଏହେତୁ ତୁମ୍ଭେ ମୋତେ ସୁସ୍ଥ କରି ସଜୀବ କର।
\v 17 ଦେଖ, ମୁଁ ଆପଣାର ଶାନ୍ତି ନିମନ୍ତେ ବଡ଼ ଦୁଃଖ ପାଇଲି; ମାତ୍ର ତୁମ୍ଭେ ମୋ’ ପ୍ରାଣ ପ୍ରତି ପ୍ରେମ କରି ବିନାଶକୂପରୁ ତାହାକୁ ଉଦ୍ଧାର କଲ; କାରଣ ତୁମ୍ଭେ ଆପଣା ପଛଆଡ଼େ ମୋହର ପାପସବୁ ପକାଇ ଦେଇଅଛ।
\s5
\v 18 ଯେହେତୁ ପାତାଳ ତୁମ୍ଭର ପ୍ରଶଂସା କରି ନ ପାରେ, ମୃତ୍ୟୁୁ ତୁମ୍ଭର ଗୁଣ କୀର୍ତ୍ତନ କରି ନ ପାରେ; ଗର୍ତ୍ତଗାମୀମାନେ ତୁମ୍ଭର ସତ୍ୟତା ପାଇଁ ପ୍ରତ୍ୟାଶା କରି ନ ପାରନ୍ତି।
\v 19 ଯେପରି ଆଜି ମୁଁ କରୁଅଛି, ସେହିପରି ଜୀବିତ ଲୋକ, କେବଳ ଜୀବିତ ଲୋକ ତୁମ୍ଭର ପ୍ରଶଂସା କରିବ; ପିତା ସନ୍ତାନଗଣକୁ ତୁମ୍ଭର ସତ୍ୟତା ଜ୍ଞାତ କରାଇବ।
\s5
\v 20 ସଦାପ୍ରଭୁ ମୋହର ପରିତ୍ରାଣ କରିବାକୁ ଉଦ୍ୟତ; ଏହେତୁ ଆମ୍ଭେମାନେ ଜୀବନ ଯାଏ ସଦାପ୍ରଭୁଙ୍କ ଗୃହରେ ତାରଯୁକ୍ତ ଯନ୍ତ୍ର ସହିତ ମୋହର ସଙ୍ଗୀତ ଗାନ କରିବୁ।”
\s5
\v 21 ଯିଶାଇୟ କହିଥିଲେ, “ସେମାନେ ଡିମ୍ବିରି ଚକ୍ତି ନେଇ ସ୍ପୋଟକ ଉପରେ ଦେଉନ୍ତୁ, ତହିଁରେ ସେ ସୁସ୍ଥ ହେବ।”
\v 22 ହିଜକୀୟ ମଧ୍ୟ କହିଥିଲା, “ମୁଁ ଯେ ସଦାପ୍ରଭୁଙ୍କ ଗୃହକୁ ଯିବି, ଏଥିର ଚିହ୍ନ କଅଣ ?”
\s5
\c 39
\s ବାବିଲର ଦୂତ
\p
\v 1 ସେହି ସମୟରେ ବଲ୍‍ଦନ୍‍ର ପୁତ୍ର ବାବିଲର ରାଜା ମରୋଦକ୍‍-ବଲ୍‍ଦନ୍‍ ହିଜକୀୟ ନିକଟକୁ ପତ୍ରମାନ ଓ ଦର୍ଶନୀ ପଠାଇଲା; କାରଣ ତାହାର ପୀଡ଼ିତ ହେବାର ଓ ସୁସ୍ଥ ହେବାର ସମ୍ବାଦ ସେ ଶୁଣିଥିଲା।
\v 2 ତହିଁରେ ହିଜକୀୟ ସେମାନଙ୍କ ପ୍ରତି ସନ୍ତୁଷ୍ଟ ହୋଇ ଆପଣାର ବହୁମୂଲ୍ୟ ପଦାର୍ଥର ଗୃହ, ରୂପା, ସୁନା, ସୁଗନ୍ଧିଦ୍ରବ୍ୟ, ବହୁମୂଲ୍ୟ ତୈଳ ଓ ଆପଣା ଅସ୍ତ୍ରାଗାର ଓ ଆପଣା ଭଣ୍ଡାରସ୍ଥିତ ସମସ୍ତ ଦ୍ରବ୍ୟ ସେମାନଙ୍କୁ ଦେଖାଇଲା; ହିଜକୀୟ ଯାହା ସେମାନଙ୍କୁ ନ ଦେଖାଇଲା, ଏପରି କୌଣସି ଦ୍ରବ୍ୟ ତାହାର ଗୃହରେ କିମ୍ବା ତାହାର ସମୁଦାୟ ରାଜ୍ୟରେ ନ ଥିଲା।
\s5
\v 3 ସେତେବେଳେ ଯିଶାଇୟ ଭବିଷ୍ୟଦ୍‍ବକ୍ତା ହିଜକୀୟ ରାଜା ନିକଟକୁ ଆସି ତାହାକୁ କହିଲେ, “ଏହି ଲୋକମାନେ କଅଣ କହିଲେ ? ସେମାନେ କେଉଁଠାରୁ ତୁମ୍ଭ ନିକଟକୁ ଆସିଲେ ?” ତହିଁରେ ହିଜକୀୟ କହିଲା, “ସେମାନେ ଦୂର ଦେଶ ବାବିଲରୁ ମୋ’ ନିକଟକୁ ଆସିଅଛନ୍ତି।”
\v 4 ଏଥିରେ ସେ ପଚାରିଲେ, “ସେମାନେ ତୁମ୍ଭ ଗୃହରେ କଅଣ ଦେଖିଅଛନ୍ତି ?” ତହୁଁ ହିଜକୀୟ ଉତ୍ତର କଲା, “ମୋ’ ଗୃହରେ ଯାହା ଯାହା ଅଛି, ସବୁ ସେମାନେ ଦେଖିଅଛନ୍ତି; ଯାହା ମୁଁ ସେମାନଙ୍କୁ ଦେଖାଇଲି ନାହିଁ, ଏପରି କୌଣସି ପଦାର୍ଥ ମୋ’ ଭଣ୍ଡାରସମୂହରେ ନାହିଁ।”
\s5
\v 5 ଏଥିରେ ଯିଶାଇୟ ହିଜକୀୟକୁ କହିଲେ, “ସୈନ୍ୟାଧିପତି ସଦାପ୍ରଭୁଙ୍କର ବାକ୍ୟ ଶୁଣ।
\v 6 ଦେଖ, ତୁମ୍ଭ ଗୃହସ୍ଥିତ ସମସ୍ତ ଦ୍ରବ୍ୟ ଓ ଆଜି ପର୍ଯ୍ୟନ୍ତ ତୁମ୍ଭ ପୂର୍ବପୁରୁଷମାନଙ୍କ ସଞ୍ଚିତ ସମସ୍ତ ଦ୍ରବ୍ୟ ବାବିଲକୁ ନିଆଯିବାର ସମୟ ଆସୁଅଛି; ସଦାପ୍ରଭୁ କହନ୍ତି, କିଛି ଛଡ଼ା ଯିବ ନାହିଁ।
\s5
\v 7 ଆଉ, ତୁମ୍ଭ ପୁତ୍ରମାନଙ୍କ ମଧ୍ୟରେ ଯେଉଁମାନେ ତୁମ୍ଭ ଔରସରେ ଜାତ ଓ ତୁମ୍ଭଠାରୁ ଉତ୍ପନ୍ନ ହେବେ, ସେମାନଙ୍କୁ ସେମାନେ ନେଇଯିବେ ଓ ସେମାନେ ବାବିଲ ରାଜାର ଅଟ୍ଟାଳିକାରେ ନପୁଂସକ ହୋଇ ରହିବେ।”
\v 8 ସେତେବେଳେ ହିଜକୀୟ ଯିଶାଇୟଙ୍କୁ କହିଲା, “ତୁମ୍ଭେ ସଦାପ୍ରଭୁଙ୍କର ଯେଉଁ ବାକ୍ୟ କହିଅଛ, ତାହା ଉତ୍ତମ।” ସେ ଆହୁରି କହିଲା, “କାରଣ ମୋ’ ସମୟରେ ଶାନ୍ତି ଓ ସତ୍ୟତା ବିରାଜିତ ହେବ।”
\s5
\c 40
\s ଈଶ୍ୱରଙ୍କ ଲୋକଙ୍କୁ ଭରସାର ବାଣୀ
\q
\v 1 “ମୋ’ ଲୋକମାନଙ୍କୁ ସାନ୍ତ୍ୱନା କର, ସାନ୍ତ୍ୱନା କର,” ଏହା ତୁମ୍ଭମାନଙ୍କର ପରମେଶ୍ୱର କହନ୍ତି।
\q
\v 2 ତୁମ୍ଭେମାନେ ଯିରୂଶାଲମକୁ ଚିତ୍ତପ୍ରବୋଧକ କଥା କୁହ,
\q ଆଉ ତାହାର ସଂଗ୍ରାମ ସମାପ୍ତ ହେଲା, ତାହାର ଅପରାଧ କ୍ଷମା ହେଲା,
\q ସେ ସଦାପ୍ରଭୁଙ୍କ ହସ୍ତରୁ ଆପଣାର ସମସ୍ତ ପାପ ସକାଶୁ ଦୁଇ ଗୁଣ ପାଇଅଛି ବୋଲି ତାହା ନିକଟରେ ପ୍ରଚାର କର।
\q
\s5
\v 3 ଏକ ଜଣର ରବ ପ୍ରଚାର କରେ,
\q ତୁମ୍ଭେମାନେ ପ୍ରାନ୍ତରରେ ସଦାପ୍ରଭୁଙ୍କ ପଥ ପ୍ରସ୍ତୁତ କର,
\q ମରୁଭୂମି ମଧ୍ୟରେ ଆମ୍ଭମାନଙ୍କ ପରମେଶ୍ୱରଙ୍କ ନିମନ୍ତେ ରାଜପଥ ସଳଖ କର।
\q
\v 4 ପ୍ରତ୍ୟେକ ଉପତ୍ୟକା ଉଚ୍ଚ କରାଯିବ, ପ୍ରତ୍ୟେକ ପର୍ବତ ଓ ଉପପର୍ବତ ନୀଚ୍ଚ କରାଯିବ
\q ଓ ବକ୍ର ସଳଖ କରାଯିବ, ଆଉ ରଗଡ଼ା ସ୍ଥାନ ସବୁ ସମାନ କରାଯିବ;
\s ଅନନ୍ତକାଳସ୍ଥାୟୀ ପରମେଶ୍ୱରଙ୍କ ବାକ୍ୟ
\p
\v 5 ପୁଣି, ସଦାପ୍ରଭୁଙ୍କ ମହିମା ପ୍ରକାଶିତ ହେବ ଓ ଯାବତୀୟ ମର୍ତ୍ତ୍ୟ ଏକତ୍ର ତାହା ଦେଖିବେ; କାରଣ ସଦାପ୍ରଭୁଙ୍କ ମୁଖ ଏହା କହିଅଛି।
\s5
\v 6 ଏକ ଜଣର ରବ କହେ, “ପ୍ରଚାର କର,” ତହିଁରେ ଜଣେ କହିଲା, “କଅଣ ପ୍ରଚାର କରିବା ?” “ମର୍ତ୍ତ୍ୟ ମାତ୍ର ତୃଣ ସ୍ୱରୂପ ଓ ତାହାର ସମସ୍ତ ଶୋଭା କ୍ଷେତ୍ରସ୍ଥ ପୁଷ୍ପର ତୁଲ୍ୟ;
\v 7 ତୃଣ ଶୁଷ୍କ ହୋଇଯାଏ, ପୁଷ୍ପ ମ୍ଳାନ ହୁଏ; କାରଣ ତହିଁ ଉପରେ ସଦାପ୍ରଭୁଙ୍କର ଶ୍ୱାସବାୟୁ ବହେ, ନିଶ୍ଚୟ ଲୋକମାନେ ତୃଣ ସ୍ୱରୂପ।
\v 8 ତୃଣ ଶୁଷ୍କ ହୋଇଯାଏ, ପୁଷ୍ପ ମଳିନ ହୁଏ; ମାତ୍ର ଆମ୍ଭମାନଙ୍କ ପରମେଶ୍ୱରଙ୍କ ବାକ୍ୟ ଅନନ୍ତକାଳସ୍ଥାୟୀ।”
\s ସଦାପ୍ରଭୁଙ୍କ ମହାନତା
\p
\s5
\v 9 ହେ ସିୟୋନ ନିକଟରେ ସୁସମାଚାର ପ୍ରଚାରକାରିଣୀ, ତୁମ୍ଭେ ଉଚ୍ଚ ପର୍ବତକୁ ଯାଅ; ହେ ଯିରୂଶାଲମ ନିକଟରେ ସୁସମାଚାର ପ୍ରଚାରକାରିଣୀ, ତୁମ୍ଭେ ବଳରେ ଉଚ୍ଚସ୍ୱର କର, ଉଚ୍ଚସ୍ୱର କର, ଭୟ କର ନାହିଁ; ଯିହୁଦାର ନଗରସମୂହକୁ କୁହ, “ହେଇ ଦେଖ, ତୁମ୍ଭମାନଙ୍କ ପରମେଶ୍ୱର !”
\v 10 ଦେଖ, ପ୍ରଭୁ ସଦାପ୍ରଭୁ ପରାକ୍ରମୀର ତୁଲ୍ୟ ଆସିବେ ଓ ତାହାଙ୍କର ବାହୁ ତାହାଙ୍କ ପାଇଁ କର୍ତ୍ତୃତ୍ୱ କରିବ; ଦେଖ, ତାହାଙ୍କ ସଙ୍ଗେ ତାହାଙ୍କର ପୁରସ୍କାର ଅଛି ଓ ତାହାଙ୍କ ଆଗରେ ତାହାଙ୍କର ପ୍ରତିଫଳ ଅଛି।
\s5
\v 11 ସେ ମେଷପାଳକ ପରି ଆପଣା ପଲ ଚରାଇବେ, ମେଷଛୁଆମାନଙ୍କୁ ସେ ଆପଣା ବାହୁରେ ସଂଗ୍ରହ କରିବେ ଓ ଆପଣା କୋଳରେ ସେମାନଙ୍କୁ ବହି ନେବେ, ଆଉ ଦୁଗ୍ଧଦାୟିନୀମାନଙ୍କୁ ଧୀରେ ଧୀରେ ଚଳାଇବେ।
\s5
\v 12 କିଏ ଆପଣା ହସ୍ତର ପୋଷରେ ଜଳରାଶି ମାପିଅଛନ୍ତି, ଚାଖଣ୍ଡ ଦ୍ୱାରା ଆକାଶମଣ୍ଡଳର ପରିମାଣ କରିଅଛନ୍ତି ଓ ଗୌଣୀରେ ପୃଥିବୀର ଧୂଳିସବୁ ଭରିଅଛନ୍ତି, ପର୍ବତଗଣକୁ ନିକ୍ତିରେ ଓ ଉପପର୍ବତଗଣକୁ ତରାଜୁରେ ତୌଲି ଅଛନ୍ତି ?
\s5
\v 13 ସଦାପ୍ରଭୁଙ୍କର ଆତ୍ମାକୁ କିଏ ଆଦେଶ ଦେଇଅଛି, ଅବା ମନ୍ତ୍ରୀ ହୋଇ କିଏ ତାହାଙ୍କୁ ଶିକ୍ଷା ଦେଇଅଛି ?
\v 14 ସେ କାହାର ସହିତ ମନ୍ତ୍ରଣା କଲେ, କିଏ ତାହାଙ୍କୁ ଶିକ୍ଷା ଦେଲା ଓ ବିଚାରର ପଥ ତାହାଙ୍କୁ ଶିଖାଇଲା ଓ ଜ୍ଞାନ ଶିକ୍ଷା ଦେଲା ଓ ବିବେଚନାର ମାର୍ଗ ତାହାଙ୍କୁ ଦେଖାଇଲା ?
\s5
\v 15 ଦେଖ, ଗୋଷ୍ଠୀୟମାନେ କଳସର ଜଳବିନ୍ଦୁ ପରି ଓ ନିକ୍ତିର ଧୂଳି କଣିକା ତୁଲ୍ୟ ଗଣ୍ୟ ଅଟନ୍ତି; ଦେଖ, ସେ ଦ୍ୱୀପସମୂହକୁ ଅତି କ୍ଷୁଦ୍ର ଦ୍ରବ୍ୟ ତୁଲ୍ୟ ଉଠାନ୍ତି।
\v 16 ପୁଣି, ଲିବାନୋନ ଜାଳ ପାଇଁ ଓ ତହିଁର ପଶୁଗଣ ହୋମବଳି ପାଇଁ ଯଥେଷ୍ଟ ନୁହନ୍ତି।
\v 17 ସର୍ବଦେଶୀୟମାନେ ତାହାଙ୍କ ଛାମୁରେ ଅବସ୍ତୁ ମାତ୍ର; ସେମାନେ ତାହାଙ୍କ ନିକଟରେ ଅବସ୍ତୁରୁ ଲଘୁ ଓ ଅସାର ଗଣ୍ୟ ଅଟନ୍ତି।
\s5
\v 18 ତେବେ ତୁମ୍ଭେମାନେ କାହା ସଙ୍ଗେ ପରମେଶ୍ୱରଙ୍କୁ ତୁଳନା କରିବ ? ଅବା କେଉଁ ମୂର୍ତ୍ତିକୁ ତାହାଙ୍କ ସଦୃଶ କରିବ ?
\v 19 ଶିଳ୍ପକର ପ୍ରତିମା ଛାଞ୍ଚରେ ଢାଳେ ଓ ସ୍ୱର୍ଣ୍ଣକାର ସୁବର୍ଣ୍ଣରେ ତାହା ମଣ୍ଡନ କରେ, ଆଉ ତହିଁ ନିମନ୍ତେ ରୂପା ଜଞ୍ଜିର ପ୍ରସ୍ତୁତ କରେ।
\v 20 ଯେଉଁ ଲୋକ ଏହି ପ୍ରକାର ଉପହାର ପାଇଁ ଅତି ଦରିଦ୍ର, ସେ ଅପଚ୍ୟ କୌଣସି କାଷ୍ଠ ମନୋନୀତ କରେ, ସେ ଅଟଳ ଏକ ଖୋଦିତ ପ୍ରତିମା ନିର୍ମାଣ କରିବା ପାଇଁ ଜଣେ ନିପୁଣ ଶିଳ୍ପକରର ଅନ୍ୱେଷଣ କରେ।
\s5
\v 21 ତୁମ୍ଭେମାନେ କି ଜାଣି ନାହଁ ? ତୁମ୍ଭେମାନେ କି ଶୁଣି ନାହଁ ? ଆଦ୍ୟକାଳରୁ କି ତୁମ୍ଭମାନଙ୍କୁ ଜ୍ଞାତ କରାଯାଇ ନାହିଁ ? ପୃଥିବୀର ପତ୍ତନଠାରୁ କି ତୁମ୍ଭେମାନେ ବୁଝି ନାହଁ ?
\v 22 ସେ ଭୂମଣ୍ଡଳର ଉପରେ ଉପବିଷ୍ଟ ଓ ତନ୍ନିବାସୀଗଣ ଫଡ଼ିଙ୍ଗ ସ୍ୱରୂପ; ସେ ଚନ୍ଦ୍ରାତପ ତୁଲ୍ୟ ଆକାଶମଣ୍ଡଳ ପ୍ରସାରନ୍ତି, ପୁଣି ବସତି ନିମନ୍ତେ ତମ୍ବୁ ତୁଲ୍ୟ ତାହା ବିସ୍ତାରନ୍ତି;
\s5
\v 23 ସେ ଭୂପତିମାନଙ୍କୁ ଅକିଞ୍ଚିତ କରନ୍ତି; ସେ ପୃଥିବୀର ବିଚାରକର୍ତ୍ତାମାନଙ୍କୁ ମୂଲ୍ୟହୀନ କରନ୍ତି।
\v 24 ହଁ, ସେମାନେ ରୋପିତ ହୋଇ ନାହାନ୍ତି; ହଁ, ସେମାନେ ବୁଣାଯାଇ ନାହାନ୍ତି; ହଁ, ସେମାନଙ୍କ ଗଣ୍ଡିର ଚେର ଭୂମିରେ ମାଡ଼ି ନାହିଁ, ଆହୁରି ସେ ସେମାନଙ୍କ ଉପରେ ଫୁଙ୍କ ଦିଅନ୍ତି, ତହିଁରେ ସେମାନେ ଶୁଷ୍କ ହୁଅନ୍ତି ଓ ଘୂର୍ଣ୍ଣିବାୟୁ ନଡ଼ା ପରି ସେମାନଙ୍କୁ ଉଡ଼ାଇ ନିଏ।
\s5
\v 25 ଏହେତୁ ସେହି ଧର୍ମସ୍ୱରୂପ କହନ୍ତି, ଆମ୍ଭେ ଯାହାର ସମାନ ହୋଇ ପାରିବୁ, ଏପରି କାହା ସଙ୍ଗରେ ତୁମ୍ଭେମାନେ ଆମ୍ଭର ଉପମା ଦେବ ?
\v 26 ଉର୍ଦ୍ଧ୍ୱ ଦୃଷ୍ଟି କରି ଦେଖ, ଏହି ସମସ୍ତକୁ କିଏ ସୃଷ୍ଟି କରିଅଛନ୍ତି ? ସେ ସୈନ୍ୟସମୂହର ନ୍ୟାୟ ସଂଖ୍ୟାନୁସାରେ ସେମାନଙ୍କୁ ବାହାର କରି ଆଣନ୍ତି; ସେ, ସମସ୍ତର ନାମ ଧରି ସେମାନଙ୍କୁ ଡାକନ୍ତି; ତାହାଙ୍କ ପରାକ୍ରମର ମାହାତ୍ମ୍ୟ ଦ୍ୱାରା ଓ ସେ ଶକ୍ତିରେ ପ୍ରବଳ ହେବା ସକାଶୁ ସେମାନଙ୍କର ଗୋଟିଏ ହେଁ ଅନୁପସ୍ଥିତ ହୁଏ ନାହିଁ।
\s5
\v 27 ଆମ୍ଭର ପଥ ସଦାପ୍ରଭୁଙ୍କଠାରୁ ଗୁପ୍ତ ଓ ଆମ୍ଭର ବିଚାର ଆମ୍ଭ ପରମେଶ୍ୱରଙ୍କ ଜ୍ଞାନର ଅତୀତ, ହେ ଯାକୁବ, ତୁମ୍ଭେ କାହିଁକି ଏହା କହୁଅଛ, ହେ ଇସ୍ରାଏଲ, ତୁମ୍ଭେ କାହିଁକି ଏହା କହୁଅଛ ?
\v 28 ତୁମ୍ଭେ କି ଜାଣି ନାହଁ ? ତୁମ୍ଭେ କି ଶୁଣି ନାହଁ ? ପୃଥିବୀର ପ୍ରାନ୍ତସକଳର ସୃଷ୍ଟିକର୍ତ୍ତା ଅନାଦି ଅନନ୍ତ ପରମେଶ୍ୱର ସଦାପ୍ରଭୁ କ୍ଳାନ୍ତ ହୁଅନ୍ତି ନାହିଁ, କିମ୍ବା ଶ୍ରାନ୍ତ ହୁଅନ୍ତି ନାହିଁ; ତାହାଙ୍କର ବୁଦ୍ଧି ବୋଧର ଅଗମ୍ୟ।
\s5
\v 29 ସେ କ୍ଳାନ୍ତ ଲୋକକୁ ଶକ୍ତି ଦିଅନ୍ତି ଓ ବଳହୀନ ଲୋକର ବଳ ବଢ଼ାଇ ଦିଅନ୍ତି।
\v 30 ତରୁଣମାନେ ହେଁ କ୍ଳାନ୍ତ ଓ ଶ୍ରାନ୍ତ ହେବେ, ପୁଣି ଯୁବକମାନେ ନିତାନ୍ତ ପଡ଼ିଯିବେ;
\v 31 ମାତ୍ର ଯେଉଁମାନେ ସଦାପ୍ରଭୁଙ୍କର ଅପେକ୍ଷା କରନ୍ତି, ସେମାନେ ନୂଆ ନୂଆ ବଳ ପାଇବେ; ସେମାନେ ଉତ୍କ୍ରୋଶ ପକ୍ଷୀ ପରି ପକ୍ଷରେ ଉପରକୁ ଉଠିବେ; ସେମାନେ ଶ୍ରାନ୍ତ ନ ହୋଇ ଦୌଡ଼ିବେ; ସେମାନେ କ୍ଳାନ୍ତ ନ ହୋଇ ଗମନ କରିବେ।
\s5
\c 41
\s ଇସ୍ରାଏଲକୁ ଈଶ୍ୱରଙ୍କ ଅଭୟ ବାଣୀ
\p
\v 1 “ହେ ଦ୍ୱୀପଗଣ, ଆମ୍ଭ ସାକ୍ଷାତରେ ନୀରବ ହୁଅ ଓ ଶୁଣ; ଲୋକମାନେ ନୂଆ ନୂଆ ବଳ ପ୍ରାପ୍ତ ହେଉନ୍ତୁ;
\q ସେମାନେ ନିକଟକୁ ଆସନ୍ତୁ;
\q ତେବେ କଥା କୁହନ୍ତୁ; ଆମ୍ଭେମାନେ ଏକତ୍ର ହୋଇ ବିଚାର କରୁ।
\v 2 ସେ ଧାର୍ମିକତାରେ ଯାହାକୁ ଆପଣା ଚରଣ ନିକଟକୁ ଡାକନ୍ତି, ଏପରି ଏକ ଜଣକୁ ପୂର୍ବ ଦିଗରୁ କିଏ ଉତ୍ପନ୍ନ କରିଅଛନ୍ତି ? ସେ ନାନା ଦେଶସ୍ଥ ଲୋକଙ୍କୁ ତାହା ସମ୍ମୁଖରେ ସମର୍ପି ଦିଅନ୍ତି ଓ ରାଜାଗଣଙ୍କ ଉପରେ ତାହାକୁ କର୍ତ୍ତୃତ୍ୱ କରାନ୍ତି; ସେ ତାହାର ଖଡ୍ଗ ସମ୍ମୁଖରେ ସେମାନଙ୍କୁ ଧୂଳି ତୁଲ୍ୟ ଓ ତାହାର ଧନୁକର ଆଗରେ ଚାଳିତ କୁଟା ପରି ସମର୍ପି ଦିଅନ୍ତି।
\s5
\v 3 ସେ ସେମାନଙ୍କର ପଛେ ଗୋଡ଼ାଏ, ଯେଉଁ ପଥରେ ସେ ପଦାର୍ପଣ କରି ନାହିଁ, ସେହି ପଥରେ ହେଁ ସେ ନିରାପଦରେ ଅଗ୍ରସର ହୁଏ।
\v 4 ଆଦ୍ୟରୁ ପୁରୁଷକୁ ପୁରୁଷ ଆହ୍ୱାନ କରି କିଏ ଏ କାର୍ଯ୍ୟ ସାଧନ କରିଅଛନ୍ତି ? ଆମ୍ଭେ ସଦାପ୍ରଭୁ ଆଦି, ପୁଣି ଶେଷକାଳୀନ ଲୋକମାନଙ୍କର ସଙ୍ଗରେ ହେଁ ଆମ୍ଭେ ସେହି ଅଟୁ।
\s5
\v 5 ଦ୍ୱୀପଗଣ ଦେଖି ଭୀତ ହେଲେ; ପୃଥିବୀର ପ୍ରାନ୍ତସକଳ କମ୍ପିତ ହେଲେ; ସେମାନେ ନିକଟବର୍ତ୍ତୀ ହୋଇ ଆସିଲେ।
\v 6 ସେମାନେ ପ୍ରତ୍ୟେକେ ଆପଣା ପ୍ରତିବାସୀର ସାହାଯ୍ୟ କଲେ ଓ ସାହସିକ ହୁଅ ବୋଲି ପ୍ରତ୍ୟେକେ ଆପଣା ଭାଇକୁ କହିଲେ।
\v 7 ଏହିରୂପେ ସୂତ୍ରଧର ସ୍ୱର୍ଣ୍ଣକାରକୁ ସାହସ ଦେଲା ଓ ହାତୁଡ଼ିରେ ସମାନ କରିବା ଲୋକ ଯୋଡ଼ କର୍ମ ଉତ୍ତମ ହୋଇଅଛି ବୋଲି କହି, ନେହାଇରେ ପିଟିବା ଲୋକକୁ ଆଶ୍ୱାସ ଦେଲା; ପୁଣି, ପ୍ରତିମାଟି ଯେପରି ଟଳଟଳ ନ ହୁଏ, ଏଥିପାଇଁ ସେ କଣ୍ଟାରେ ତାହା ଦୃଢ଼ କଲା।
\s5
\v 8 ମାତ୍ର ହେ ଆମ୍ଭର ଦାସ ଇସ୍ରାଏଲ, ଆମ୍ଭର ମନୋନୀତ ଯାକୁବ, ଆମ୍ଭର ବନ୍ଧୁ ଅବ୍ରହାମର ବଂଶ;
\v 9 ଆମ୍ଭେ ତୁମ୍ଭକୁ ଧରି ପୃଥିବୀର ପ୍ରାନ୍ତକୁ ଆଣିଅଛୁ ଓ ପୃଥିବୀର ସୀମାରୁ ତୁମ୍ଭକୁ ଆହ୍ୱାନ କରି କହିଅଛୁ, ତୁମ୍ଭେ ଆମ୍ଭର ଦାସ, ଆମ୍ଭେ ତୁମ୍ଭକୁ ମନୋନୀତ କରିଅଛୁ ଓ ଦୂର କରି ନାହୁଁ;
\s5
\v 10 ତୁମ୍ଭେ ଭୟ କର ନାହିଁ, କାରଣ ଆମ୍ଭେ ତୁମ୍ଭ ସଙ୍ଗରେ ଅଛୁ; ନିରାଶ ହୁଅ ନାହିଁ, କାରଣ ଆମ୍ଭେ ତୁମ୍ଭର ପରମେଶ୍ୱର; ଆମ୍ଭେ ତୁମ୍ଭକୁ ସବଳ କରିବା; ହଁ, ଆମ୍ଭେ ତୁମ୍ଭର ସାହାଯ୍ୟ କରିବା; ହଁ, ଆମ୍ଭେ ଆପଣା ଧର୍ମସ୍ୱରୂପ ଦକ୍ଷିଣ ହସ୍ତରେ ତୁମ୍ଭକୁ ଧରି ରଖିବା।
\s5
\v 11 ଦେଖ, ଯେଉଁମାନେ ତୁମ୍ଭ ପ୍ରତି କୁପିତ ଅଛନ୍ତି, ସେମାନେ ସମସ୍ତେ ଲଜ୍ଜିତ ଓ ବିବ୍ରତ ହେବେ; ଯେଉଁମାନେ ତୁମ୍ଭ ସଙ୍ଗେ ବିରୋଧ କରନ୍ତି, ସେମାନେ ଅବସ୍ତୁ ତୁଲ୍ୟ ହୋଇ ବିନଷ୍ଟ ହେବେ।
\s5
\v 12 ଯେଉଁମାନେ ତୁମ୍ଭ ସଙ୍ଗେ ବିରୋଧ କରନ୍ତି, ତୁମ୍ଭେ ସେମାନଙ୍କୁ ଅନ୍ୱେଷଣ କରିବ, ମାତ୍ର ସେମାନଙ୍କର ଉଦ୍ଦେଶ୍ୟ ପାଇବ ନାହିଁ; ଯେଉଁମାନେ ତୁମ୍ଭ ସଙ୍ଗେ ଯୁଦ୍ଧ କରନ୍ତି, ସେମାନେ ଅବସ୍ତୁ ତୁଲ୍ୟ ଓ ଅକିଞ୍ଚନା ହେବେ।
\v 13 କାରଣ ଆମ୍ଭେ ସଦାପ୍ରଭୁ ତୁମ୍ଭର ପରମେଶ୍ୱର, ତୁମ୍ଭ ଦକ୍ଷିଣ ହସ୍ତ ଧରି ତୁମ୍ଭକୁ କହିବା, ଭୟ କର ନାହିଁ; ଆମ୍ଭେ ତୁମ୍ଭର ସାହାଯ୍ୟ କରିବା।
\s5
\v 14 ହେ କୀଟ ସ୍ୱରୂପ ଯାକୁବ ଓ ହେ ଇସ୍ରାଏଲୀୟ ନରଗଣ, ଭୟ କର ନାହିଁ; ସଦାପ୍ରଭୁ କହନ୍ତି, ଆମ୍ଭେ ତୁମ୍ଭର ସାହାଯ୍ୟ କରିବା” ଓ ଇସ୍ରାଏଲର ଧର୍ମସ୍ୱରୂପ ତୁମ୍ଭର ମୁକ୍ତିଦାତା ଅଟନ୍ତି।
\v 15 “ଦେଖ, ଆମ୍ଭେ ତୁମ୍ଭକୁ ତୀକ୍ଷ୍ଣ ଛୁରିକାବିଶିଷ୍ଟ ଏକ ନୂତନ ଶସ୍ୟ ମର୍ଦ୍ଦନ ଯନ୍ତ୍ର ସ୍ୱରୂପ କରିବା; ତୁମ୍ଭେ ପର୍ବତଗଣକୁ ମର୍ଦ୍ଦନ କରି ଚୂର୍ଣ୍ଣ କରିବ ଓ ଉପପର୍ବତଗଣକୁ ତୁଷ ତୁଲ୍ୟ କରିବ।
\s5
\v 16 ତୁମ୍ଭେ ସେମାନଙ୍କୁ କୁଲାରେ ଉଡ଼ାଇଲେ, ବାୟୁ ସେମାନଙ୍କୁ ଉଡ଼ାଇ ନେଇ ଯିବ ଓ ଘୂର୍ଣ୍ଣିବାୟୁ ସେମାନଙ୍କୁ ଛିନ୍ନଭିନ୍ନ କରି ପକାଇବ; ପୁଣି, ତୁମ୍ଭେ ସଦାପ୍ରଭୁଙ୍କଠାରେ ଉଲ୍ଲାସ କରିବ ଓ ଇସ୍ରାଏଲର ଧର୍ମସ୍ୱରୂପଙ୍କଠାରେ ଦର୍ପ କରିବ।
\s5
\v 17 ଦରିଦ୍ର ଓ ଦୀନହୀନମାନେ ଜଳ ଅନ୍ୱେଷଣ କରନ୍ତି, ମାତ୍ର ଜଳ ନାହିଁ, ତହିଁରେ ସେମାନଙ୍କ ଜିହ୍ୱା ତୃଷାରେ ଶୁଷ୍କ ହୁଏ; ଆମ୍ଭେ ସଦାପ୍ରଭୁ ସେମାନଙ୍କୁ ଉତ୍ତର ଦେବା, ଆମ୍ଭେ ଇସ୍ରାଏଲର ପରମେଶ୍ୱର ସେମାନଙ୍କୁ ତ୍ୟାଗ କରିବା ନାହିଁ।
\v 18 ଆମ୍ଭେ ବୃକ୍ଷଶୂନ୍ୟ ଉଚ୍ଚସ୍ଥଳୀରେ ନଦନଦୀ କରିବା ଓ ସମସ୍ଥଳୀ ମଧ୍ୟରେ ନିର୍ଝରମାନ ଫିଟାଇବା; ଆମ୍ଭେ ପ୍ରାନ୍ତରକୁ ଜଳାଶୟ ଓ ଶୁଷ୍କ ଭୂମିକୁ ଜଳ ନିର୍ଝର କରିବା।
\s5
\v 19 ଆମ୍ଭେ ପ୍ରାନ୍ତରରେ ଏରସ, ଶିଟୀମ୍‍ ଓ ମେହେନ୍ଦି ଓ ତୈଳବୃକ୍ଷ ରୋପଣ କରିବା; ଆମ୍ଭେ ମରୁଭୂମିରେ ଦେବଦାରୁ, ତିଧର ଓ ତାଶୂର ବୃକ୍ଷ ଏକତ୍ର ଲଗାଇବା;
\v 20 ତହିଁରେ ସଦାପ୍ରଭୁଙ୍କ ହସ୍ତ ଏହି କାର୍ଯ୍ୟ କରିଅଛି ଓ ଇସ୍ରାଏଲର ଧର୍ମସ୍ୱରୂପ ଏହା ସୃଷ୍ଟି କରିଅଛନ୍ତି ବୋଲି ଲୋକମାନେ ଏକତ୍ର ଦେଖିବେ ଓ ବିବେଚନା କରି ବୁଝିବେ।”
\s ମିଥ୍ୟା ଦେବଦେବୀମାନଙ୍କୁ ସଦାପ୍ରଭୁଙ୍କର ଆହ୍ୱାନ
\p
\s5
\v 21 ସଦାପ୍ରଭୁ କହନ୍ତି, “ତୁମ୍ଭେମାନେ ଆପଣାମାନଙ୍କ ବିବାଦ ଉପସ୍ଥିତ କର,” ଯାକୁବର ରାଜା କହନ୍ତି, ତୁମ୍ଭେମାନେ ଆପଣାମାନଙ୍କର ଦୃଢ଼ ପ୍ରମାଣସବୁ ବାହାର କର।
\v 22 ସେମାନେ ତାହାସବୁ ବାହାର କରି ଯାହା ଯାହା ଘଟିବ, ତାହା ଆମ୍ଭମାନଙ୍କ ନିକଟରେ ପ୍ରକାଶ କରନ୍ତୁ; ଆଦ୍ୟର ବିଷୟମାନ କଅଣ, ତାହା ତୁମ୍ଭେମାନେ ପ୍ରକାଶ କର, ତାହା କଲେ, ଆମ୍ଭେମାନେ ବିବେଚନା କରି ତହିଁର ଶେଷ ଫଳ ଜାଣି ପାରିବା; ନୋହିଲେ ଆଗାମୀ ଘଟଣା ଆମ୍ଭମାନଙ୍କୁ ଦେଖାଅ।
\s5
\v 23 ଏଥିଉତ୍ତାରେ ଯାହା ଯାହା ଘଟିବ, ତାହା ପ୍ରକାଶ କର, ତହିଁରେ ତୁମ୍ଭେମାନେ ଯେ ଈଶ୍ୱରଗଣ, ଏହା ଆମ୍ଭେମାନେ ଜାଣିବା; ହଁ, ମଙ୍ଗଳ କର, ଅବା ଅମଙ୍ଗଳ କର, ତହିଁରେ ଆମ୍ଭେମାନେ ନିରାଶ ହୋଇ ଏକତ୍ର ତାହା ଦେଖିବା।
\v 24 ଦେଖ, ତୁମ୍ଭେମାନେ ଅକିଞ୍ଚିତ ଓ ତୁମ୍ଭମାନଙ୍କର କାର୍ଯ୍ୟ କିଛି ହିଁ ନୁହେଁ; ଯେଉଁ ଲୋକ ତୁମ୍ଭମାନଙ୍କୁ ମନୋନୀତ କରେ, ସେ ଘୃଣାସ୍ପଦ।
\s5
\v 25 ଆମ୍ଭେ ଉତ୍ତର ଦିଗରୁ ଏକ ଜଣକୁ ଉତ୍ପନ୍ନ କରିଅଛୁ ଓ ସେ ଉପସ୍ଥିତ; ସେ ସୂର୍ଯ୍ୟୋଦୟ ଦିଗରୁ ଆମ୍ଭ ନାମ ଆହ୍ୱାନ କରେ; ସେ ଗାନ୍ଥନୀର ମଶଲା ଓ କୁମ୍ଭକାରର ମର୍ଦ୍ଦିତ ମୃତ୍ତିକା ପରି ଦେଶାଧ୍ୟକ୍ଷମାନଙ୍କୁ ଦଳିତ କରିବ।
\v 26 ଆମ୍ଭେମାନେ ଯେପରି ଜାଣି ପାରିବା, ଏଥିପାଇଁ ଆଦ୍ୟରୁ କିଏ ଏହା ପ୍ରକାଶ କରିଅଛି ? ପୁଣି, ସେ ଧାର୍ମିକ ବୋଲି ଯେପରି ଆମ୍ଭେମାନେ କହି ପାରିବା, ଏଥିପାଇଁ ପୂର୍ବରୁ କିଏ ଏହା ପ୍ରକାଶ କରିଅଛି ? ହଁ, ପ୍ରକାଶକାରୀ କେହି ନାହିଁ, ହଁ, ଦେଖାଇବା ଲୋକ କେହି ନାହିଁ, ହଁ, ତୁମ୍ଭମାନଙ୍କ କଥା ଶୁଣିବା ଲୋକ କେହି ନାହିଁ।
\s5
\v 27 ଆମ୍ଭେ ପ୍ରଥମେ ସିୟୋନକୁ କହିବା, “ଦେଖ, ସେମାନଙ୍କୁ ଦେଖ, ପୁଣି ଆମ୍ଭେ ଯିରୂଶାଲମକୁ ସୁସମାଚାର ଆଣିବାର ଏକ ଲୋକ ଦେବା।”
\v 28 ଆମ୍ଭେ ଅନାଇଲା ବେଳେ କେହି ନାହିଁ; ଆମ୍ଭେ ପଚାରିଲା ବେଳେ ଯେ ପଦେ ଉତ୍ତର ଦେଇ ପାରେ, ସେମାନଙ୍କ ମଧ୍ୟରେ ଏପରି ମନ୍ତ୍ରଣାଦାତା ସୁଦ୍ଧା କେହି ନାହିଁ।
\v 29 ଦେଖ, ସେସମସ୍ତେ, ସେମାନଙ୍କର କର୍ମସବୁ ଅସାର ଓ ଅବସ୍ତୁ ମାତ୍ର; ସେମାନଙ୍କର ଛାଞ୍ଚରେ ଢଳା ପ୍ରତିମାଗଣ ବାୟୁ ଓ ଶୂନ୍ୟ ମାତ୍ର।
\s5
\c 42
\s ସଦାପ୍ରଭୁଙ୍କ ମନୋନୀତ ଦାସ
\p
\v 1 ଯାହାଙ୍କୁ ଆମ୍ଭେ ଧାରଣ କରୁ, ଏପରି ଆମ୍ଭ ଦାସଙ୍କୁ, ଯାହାଙ୍କଠାରେ ଆମ୍ଭ ଚିତ୍ତ ସନ୍ତୁଷ୍ଟ, ଏପରି ଆମ୍ଭର ମନୋନୀତ ଲୋକଙ୍କୁ ଦେଖ; ଆମ୍ଭେ ତାହାଙ୍କ ଉପରେ ଆପଣା ଆତ୍ମା ସ୍ଥାପନ କରିଅଛୁ; ସେ ଅନ୍ୟ ଦେଶୀୟମାନଙ୍କ ମଧ୍ୟକୁ ନ୍ୟାୟ ବିଚାର ଆଣିବେ।
\v 2 ସେ ଚିତ୍କାର କିମ୍ବା ଉଚ୍ଚ ଶବ୍ଦ କରିବେ ନାହିଁ, କିଅବା ରାଜପଥରେ ଆପଣା ରବ ଶୁଣାଇବେ ନାହିଁ।
\s5
\v 3 ସେ ଛେଚାନଳ ଭାଙ୍ଗିବେ ନାହିଁ ଓ ସଧୂମ ବଳିତା ଲିଭାଇବେ ନାହିଁ; ସେ ସତ୍ୟତାରେ ନ୍ୟାୟ ବିଚାର ଆଣିବେ।
\v 4 ସେ ପୃଥିବୀରେ ନ୍ୟାୟ ବିଚାର ସ୍ଥାପନ ନ କରିବା ପର୍ଯ୍ୟନ୍ତ ନିସ୍ତେଜ ଓ ହୀନସାହସ ହେବେ ନାହିଁ; ଆଉ, ଦ୍ୱୀପଗଣ ତାହାଙ୍କ ବ୍ୟବସ୍ଥାର ଅପେକ୍ଷାରେ ରହିବେ।
\s5
\v 5 ଯେ ଆକାଶମଣ୍ଡଳ ସୃଷ୍ଟି କରି ବିସ୍ତାର କଲେ; ଯେ ଭୂତଳ ଓ ତଦୁତ୍ପନ୍ନସକଳ ବିଛାଇଲେ; ଯେ ତହିଁ ଉପରିସ୍ଥ ସକଳ ଲୋକଙ୍କୁ ନିଶ୍ୱାସ ପ୍ରଶ୍ୱାସ ଦିଅନ୍ତି ଓ ତନ୍ମଧ୍ୟରେ ଗମନାଗମନକାରୀମାନଙ୍କୁ ପ୍ରାଣ ଦିଅନ୍ତି, ସେହି ସଦାପ୍ରଭୁ ପରମେଶ୍ୱର ଏହି କଥା କହନ୍ତି;
\v 6 “ଆମ୍ଭେ ସଦାପ୍ରଭୁ, ଧର୍ମରେ ତୁମ୍ଭକୁ ଆହ୍ୱାନ କରିଅଛୁ ଓ ତୁମ୍ଭର ହସ୍ତ ଧରି ତୁମ୍ଭକୁ ରକ୍ଷା କରିବୁ, ଆଉ ଅନ୍ଧମାନଙ୍କର ଚକ୍ଷୁ ପ୍ରସନ୍ନ କରିବା ପାଇଁ, ବନ୍ଦୀମାନଙ୍କୁ କାରାକୂପରୁ ଓ ଅନ୍ଧକାରରେ ବସିଥିବା ଲୋକମାନଙ୍କୁ ବନ୍ଦୀଗୃହରୁ ବାହାର କରି ଆଣିବା ପାଇଁ,
\s5
\v 7 ଆମ୍ଭେ ତୁମ୍ଭକୁ ଲୋକମାନଙ୍କର ନିୟମ ସ୍ୱରୂପ ଓ ଅନ୍ୟ ଦେଶୀୟମାନଙ୍କର ଦୀପ୍ତି ସ୍ୱରୂପ କରି ନିଯୁକ୍ତ କରିବୁ।
\s5
\v 8 ଆମ୍ଭେ ସଦାପ୍ରଭୁ: ଏହି ଆମ୍ଭର ନାମ; ପୁଣି, ଆମ୍ଭେ ଆପଣା ଗୌରବ ଅନ୍ୟକୁ, କିଅବା ଆପଣା ପ୍ରଶଂସା ଖୋଦିତ ପ୍ରତିମାଗଣକୁ ଦେବୁ ନାହିଁ।
\v 9 ଦେଖ, ଆଦ୍ୟ ବିଷୟମାନ ସିଦ୍ଧ ହେଲା, ଆଉ ଆମ୍ଭେ ନୂତନ ବିଷୟମାନ ପ୍ରକାଶ କରୁ; ସେହି ସବୁ ଅଙ୍କୁରିତ ହେବାର ପୂର୍ବେ ତଦ୍‍ବିଷୟ ଆମ୍ଭେ ତୁମ୍ଭମାନଙ୍କୁ ଜଣାଉ।”
\s ଏକ ନୂତନ ଗୀତ
\p
\s5
\v 10 ହେ ସମୁଦ୍ରଗାମୀମାନେ ଓ ସମୁଦ୍ର ମଧ୍ୟସ୍ଥିତ ସମସ୍ତେ, ହେ ଦ୍ୱୀପଗଣ ଓ ତନ୍ନିବାସୀମାନେ, ତୁମ୍ଭେ ସମସ୍ତେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନୂତନ ଗୀତ ଓ ପୃଥିବୀର ପ୍ରାନ୍ତରୁ ତାହାଙ୍କର ପ୍ରଶଂସା ଗାନ କର।
\v 11 ପ୍ରାନ୍ତର ଓ ତହିଁର ନଗରସକଳ, କେଦାରର ବସତି ଗ୍ରାମସକଳ ଉଚ୍ଚ ରବ କରନ୍ତୁ; ଶୈଳନିବାସୀମାନେ ଗାନ କରନ୍ତୁ, ପର୍ବତଗଣର ଶିଖରରୁ ସେମାନେ ମହାନାଦ କରନ୍ତୁ।
\s5
\v 12 ସେମାନେ ସଦାପ୍ରଭୁଙ୍କୁ ଗୌରବ ଦେଉନ୍ତୁ ଓ ଦ୍ୱୀପସମୂହ ମଧ୍ୟରେ ତାହାଙ୍କର ପ୍ରଶଂସା ପ୍ରଚାର କରନ୍ତୁ।
\v 13 ସଦାପ୍ରଭୁ ବୀର ତୁଲ୍ୟ ବିଜେ କରିବେ; ସେ ଯୋଦ୍ଧାର ନ୍ୟାୟ ଆପଣା ଉଦ୍‍ଯୋଗ ଉତ୍ତେଜିତ କରିବେ; ସେ ଉଚ୍ଚସ୍ୱର କରିବେ, ହଁ, ସେ ମହାନାଦ କରିବେ; ସେ ଆପଣା ଶତ୍ରୁଗଣର ପ୍ରତିକୂଳରେ ପ୍ରବଳ ରୂପରେ କାର୍ଯ୍ୟ କରିବେ।
\s5
\v 14 ଆମ୍ଭେ ଦୀର୍ଘ କାଳ ନୀରବ ହୋଇଅଛୁ; ଆମ୍ଭେ ସ୍ଥିର ହୋଇ ଆପଣାକୁ କ୍ଷାନ୍ତ କରିଅଛୁ; ଏବେ ଆମ୍ଭେ ପ୍ରସବକାରିଣୀ ସ୍ତ୍ରୀ ପରି ଡାକ ଛାଡ଼ିବା; ଆମ୍ଭେ ଏକାବେଳେ ଦୀର୍ଘ ନିଶ୍ୱାସ ଟାଣି ବ୍ୟଗ୍ରଚିତ୍ତ ହେବା।
\v 15 ଆମ୍ଭେ ପର୍ବତ ଓ ଉପପର୍ବତଗଣକୁ ଧ୍ୱଂସିତ କରିବା ଓ ତହିଁର ତୃଣସବୁ ଶୁଷ୍କ କରିବା; ଆଉ, ଆମ୍ଭେ ନଦନଦୀକୁ ଦ୍ୱୀପ ଓ ଜଳାଶୟକୁ ଶୁଷ୍କ କରିବା।
\s5
\v 16 ପୁଣି, ଆମ୍ଭେ ଅନ୍ଧମାନଙ୍କୁ ସେମାନଙ୍କର ଅଜ୍ଞାତ ପଥ ଦେଇ ଆଣିବା; ଯେଉଁ ମାର୍ଗ ସେମାନେ ଜାଣନ୍ତି ନାହିଁ, ସେହି ସବୁ ମାର୍ଗରେ ସେମାନଙ୍କୁ କଢ଼ାଇବା; ଆମ୍ଭେ ସେମାନଙ୍କ ସମ୍ମୁଖରେ ଅନ୍ଧକାରକୁ ଆଲୁଅ ଓ ବକ୍ରସ୍ଥାନସବୁକୁ ସଳଖ କରିବା। ଏହିସବୁ କାର୍ଯ୍ୟ ଆମ୍ଭେ କରି ସେମାନଙ୍କୁ ପରିତ୍ୟାଗ କରିବା ନାହିଁ।
\s5
\v 17 ଯେଉଁମାନେ ଖୋଦିତ ପ୍ରତିମାଗଣରେ ନିର୍ଭର କରନ୍ତି ଓ ଛାଞ୍ଚରେ ଢଳା ପ୍ରତିମାଗଣକୁ ତୁମ୍ଭେମାନେ ଆମ୍ଭମାନଙ୍କର ଈଶ୍ୱର ବୋଲି କୁହନ୍ତି, ସେମାନେ ବିମୁଖ ଓ ଅତିଶୟ ଲଜ୍ଜିତ ହେବେ।
\s ଶିକ୍ଷା କରିବା ପାଇଁ ଇସ୍ରାଏଲର ଅକ୍ଷମତା
\p
\s5
\v 18 ହେ ବଧିରମାନେ, ଶୁଣ; ହେ ଅନ୍ଧମାନେ, ତୁମ୍ଭେମାନେ ଦେଖିବା ପାଇଁ ଅନାଅ।
\v 19 ଆମ୍ଭର ଦାସ ଛଡ଼ା ଅନ୍ଧ କିଏ ? ଅବା ଆମ୍ଭ ପ୍ରେରିତ ଦୂତ ପରି ବଧିର କିଏ ? ଆମ୍ଭ ସଙ୍ଗେ ମିଳନରେ ଥିବା ଲୋକ ପରି ଅନ୍ଧ ଓ ସଦାପ୍ରଭୁଙ୍କର ଦାସ ପରି ଅନ୍ଧ କିଏ ?
\s5
\v 20 ତୁମ୍ଭେ ଅନେକ ବିଷୟ ଦେଖୁଅଛ, ମାତ୍ର ମନୋଯୋଗ କରୁ ନାହଁ; ତାହାର କର୍ଣ୍ଣ ମୁକ୍ତ ଅଛି, ମାତ୍ର ସେ ଶୁଣୁ ନାହିଁ।
\v 21 ସଦାପ୍ରଭୁ ଆପଣା ଧର୍ମ ସକାଶୁ ବ୍ୟବସ୍ଥାକୁ ମହତ ଓ ସମ୍ଭ୍ରାନ୍ତ କରିବାକୁ ସନ୍ତୁଷ୍ଟ ହେଲେ।
\s5
\v 22 ମାତ୍ର ଏହି ଲୋକମାନେ ଅପହୃତ ଓ ଲୁଟିତ; ସେସମସ୍ତେ ଗର୍ତ୍ତରେ ପାଶବଦ୍ଧ ଓ କାରାଗାରରେ ଲୁଚାଯାଇଅଛନ୍ତି; ସେମାନେ ହୃତଧନ ହେବା ପାଇଁ ଅଛନ୍ତି, ପୁଣି ଉଦ୍ଧାରକର୍ତ୍ତା କେହି ନାହିଁ; ସେମାନେ ଲୁଟିତ ସ୍ୱରୂପ ହେବା ପାଇଁ ଅଛନ୍ତି ଓ ଫେରାଇ ଦିଅ ବୋଲି କହିବା ପାଇଁ କେହି ନାହିଁ।
\s5
\v 23 ଏହି କଥାରେ ଯେ କର୍ଣ୍ଣପାତ କରିବ ଓ ଶ୍ରବଣ କରି ଭବିଷ୍ୟତ୍କାଳ ନିମନ୍ତେ ମନୋଯୋଗ କରିବ, ତୁମ୍ଭମାନଙ୍କ ମଧ୍ୟରେ ଏପରି ଲୋକ କିଏ ଅଛି ?
\v 24 ଯାକୁବକୁ ଲୁଟିତ ସ୍ୱରୂପ ହେବା ପାଇଁ ଓ ଇସ୍ରାଏଲକୁ ଅପହାରକମାନଙ୍କ ହସ୍ତରେ କିଏ ସମର୍ପଣ କଲେ ? ଯାହାଙ୍କ ବିରୁଦ୍ଧରେ ଆମ୍ଭେମାନେ ପାପ କରିଅଛୁ ଓ ଯାହାଙ୍କ ପଥରେ ଲୋକମାନେ ଗମନ କରିବାକୁ ସମ୍ମତ ନୋହିଲେ, ଅଥବା ସେମାନେ ଯାହାଙ୍କ ବ୍ୟବସ୍ଥାର ଆଜ୍ଞାକାରୀ ନୋହିଲେ, ସେହି ସଦାପ୍ରଭୁ କି ଏହା କରି ନାହାନ୍ତି ?
\s5
\v 25 ଏହେତୁ ସେ ତାହାର ଉପରେ ଆପଣା କ୍ରୋଧର ପ୍ରଚଣ୍ଡତା ଓ ଯୁଦ୍ଧର ପ୍ରବଳତା ଢାଳି ଦେଲେ; ତହିଁରେ ତାହା ଚତୁର୍ଦ୍ଦିଗରେ ଅଗ୍ନି ଜ୍ୱଳି ଉଠିଲା, ମାତ୍ର ସେ ଜାଣିଲା ନାହିଁ; ପୁଣି, ଅଗ୍ନି ତାହାକୁ ଦଗ୍ଧ କଲା, ତଥାପି ସେ ମନୋଯୋଗ କଲା ନାହିଁ।
\s5
\c 43
\s ଈଶ୍ୱରଙ୍କ ଉଦ୍ଧାରର ପ୍ରତିଜ୍ଞା
\p
\v 1 ମାତ୍ର ହେ ଯାକୁବ, ଯେ ତୁମ୍ଭକୁ ସୃଷ୍ଟି କଲେ, ହେ ଇସ୍ରାଏଲ, ଯେ ତୁମ୍ଭକୁ ନିର୍ମାଣ କଲେ, ସେହି ସଦାପ୍ରଭୁ ଏବେ ଏହି କଥା କହନ୍ତି; ଭୟ କର ନାହିଁ, କାରଣ ଆମ୍ଭେ ତୁମ୍ଭକୁ ମୁକ୍ତ କରିଅଛୁ; ଆମ୍ଭେ ତୁମ୍ଭର ନାମ ଧରି ତୁମ୍ଭକୁ ଆହ୍ୱାନ କରିଅଛୁ, ତୁମ୍ଭେ ଆମ୍ଭର।
\s5
\v 2 ତୁମ୍ଭେ ଜଳ ମଧ୍ୟ ଦେଇ ଯିବା ବେଳେ ଆମ୍ଭେ ତୁମ୍ଭର ସଙ୍ଗୀ ହେବା ନଦନଦୀ ମଧ୍ୟରେ ଗମନ କଲେ, ସେହି ସବୁ ତୁମ୍ଭକୁ ମଗ୍ନ କରିବ ନାହିଁ; ତୁମ୍ଭେ ଅଗ୍ନି ମଧ୍ୟରେ ଗମନ କରିବା ବେଳେ ଦଗ୍ଧ ହେବ ନାହିଁ, କିଅବା ଅଗ୍ନିଶିଖା ତୁମ୍ଭର ଦାହ ଜନ୍ମାଇବ ନାହିଁ।
\v 3 କାରଣ ଆମ୍ଭେ ସଦାପ୍ରଭୁ, ତୁମ୍ଭ ପରମେଶ୍ୱର, ଇସ୍ରାଏଲର ଧର୍ମସ୍ୱରୂପ, ତୁମ୍ଭର ତ୍ରାଣକର୍ତ୍ତା ଅଟୁ; ଆମ୍ଭେ ତୁମ୍ଭ ମୁକ୍ତିର ମୂଲ୍ୟ ସ୍ୱରୂପେ ମିସର ଓ ତୁମ୍ଭ ପରିବର୍ତ୍ତେ କୂଶ ଓ ସବା ଦେଶ ଦେଇଅଛୁ।
\s5
\v 4 ତୁମ୍ଭେ ଆମ୍ଭ ଦୃଷ୍ଟିରେ ବହୁମୂଲ୍ୟ ଓ ସମ୍ଭ୍ରାନ୍ତ ହୋଇଅଛ ଓ ଆମ୍ଭେ ତୁମ୍ଭକୁ ପ୍ରେମ କରିଅଛୁ; ଏହେତୁ ଆମ୍ଭେ ତୁମ୍ଭ ପରିବର୍ତ୍ତେ ମନୁଷ୍ୟମାନଙ୍କୁ ଓ ତୁମ୍ଭ ପ୍ରାଣର ପରିବର୍ତ୍ତେ ଗୋଷ୍ଠୀବର୍ଗକୁ ଦେବା।
\v 5 ଭୟ କର ନାହିଁ; କାରଣ ଆମ୍ଭେ ତୁମ୍ଭ ସଙ୍ଗରେ ଅଛୁ; ଆମ୍ଭେ ପୂର୍ବ ଦିଗରୁ ତୁମ୍ଭ ବଂଶକୁ ଆଣିବା ଓ ପଶ୍ଚିମ ଦିଗରୁ ତୁମ୍ଭକୁ ସଂଗ୍ରହ କରିବା;
\s5
\v 6 ଆମ୍ଭେ ଉତ୍ତର ଦିଗକୁ କହିବା, ଛାଡ଼ି ଦିଅ ଓ ଦକ୍ଷିଣ ଦିଗକୁ କହିବା, ଅଟକାଇ ରଖ ନାହିଁ; ଆମ୍ଭ ପୁତ୍ରଗଣକୁ ଦୂରରୁ ଓ ଆମ୍ଭ କନ୍ୟାଗଣଙ୍କୁ ପୃଥିବୀର ପ୍ରାନ୍ତରୁ ଆଣି ଦିଅ;
\v 7 ଆମ୍ଭ ନାମରେ ଖ୍ୟାତ ଓ ଯାହାକୁ ଆମ୍ଭେ ଆପଣା ଗୌରବାର୍ଥେ ସୃଷ୍ଟି କରିଅଛୁ, ଏପରି ପ୍ରତ୍ୟେକ ଲୋକକୁ ଆଣ; ଆମ୍ଭେ ତାହାକୁ ଗଢ଼ିଅଛୁ; ହଁ, ଆମ୍ଭେ ତାହାକୁ ନିର୍ମାଣ କରିଅଛୁ।
\s ଇସ୍ରାଏଲ ଈଶ୍ୱରଙ୍କ ସାକ୍ଷୀ
\p
\s5
\v 8 ଚକ୍ଷୁ ଥାଇ ଅନ୍ଧ ଓ କର୍ଣ୍ଣ ଥାଇ ବଧିର, ଏହି ଲୋକଙ୍କୁ ବାହାର କରି ଆଣ।
\v 9 ସର୍ବଦେଶୀୟମାନେ ସଂଗୃହୀତ ହେଉନ୍ତୁ ଓ ଗୋଷ୍ଠୀସମୂହ ଏକତ୍ରୀକୃତ ହେଉନ୍ତୁ; ସେମାନଙ୍କ ମଧ୍ୟରେ କିଏ ଏହା ପ୍ରକାଶ କରିପାରେ ଓ ଆଦ୍ୟ ବିଷୟମାନ ଆମ୍ଭମାନଙ୍କୁ ଦେଖାଇ ପାରେ ? ସେମାନେ ନିର୍ଦ୍ଦୋଷୀକୃତ ହେବା ନିମନ୍ତେ ଆପଣା ଆପଣା ସାକ୍ଷୀଗଣକୁ ଆଣନ୍ତୁ; ଅଥବା ସେମାନେ ଶୁଣି ଏହା ସତ୍ୟ ବୋଲି କୁହନ୍ତୁ।
\s5
\v 10 ସଦାପ୍ରଭୁ କହନ୍ତି, ତୁମ୍ଭେମାନେ ଯେପରି ଜାଣି ଆମ୍ଭଠାରେ ବିଶ୍ୱାସ କରିବ ଓ ଆମ୍ଭେ ସେହି ଅଟୁ ବୋଲି ବୁଝିବ, ଏଥିପାଇଁ ତୁମ୍ଭେମାନେ ଆମ୍ଭର ସାକ୍ଷୀ ଓ ଆମ୍ଭର ମନୋନୀତ ଦାସ ଅଟ,” ଆମ୍ଭ ପୂର୍ବରେ କୌଣସି ଈଶ୍ୱର ନିର୍ମିତ ହେଲା ନାହିଁ, କିଅବା ଆମ୍ଭ ଉତ୍ତାରେ ହେବ ନାହିଁ।
\v 11 ଆମ୍ଭେ, ଆମ୍ଭେ ହିଁ ସଦାପ୍ରଭୁ ଅଟୁ ଓ ଆମ୍ଭ ଛଡ଼ା ଆଉ ତ୍ରାଣକର୍ତ୍ତା ନାହିଁ।
\s5
\v 12 ଆମ୍ଭେ ପ୍ରକାଶ କରିଅଛୁ, ଆମ୍ଭେ ଉଦ୍ଧାର କରିଅଛୁ ଓ ଆମ୍ଭେ ଦେଖାଇଅଛୁ, ଆଉ ତୁମ୍ଭମାନଙ୍କ ମଧ୍ୟରେ କୌଣସି ବିଦେଶୀୟ ଦେବତା ନ ଥିଲା; ଏହେତୁ ସଦାପ୍ରଭୁ କହନ୍ତି, ତୁମ୍ଭେମାନେ ଆମ୍ଭର ସାକ୍ଷୀ ଅଟ ଓ ଆମ୍ଭେ ପରମେଶ୍ୱର ଅଟୁ।”
\v 13 “ହଁ, ଦିବସର ପୂର୍ବରୁ ଆମ୍ଭେ ସେହି ଅଟୁ ଓ ଆମ୍ଭ ହସ୍ତରୁ ଉଦ୍ଧାରକାରୀ କେହି ନାହିଁ; ଆମ୍ଭେ କାର୍ଯ୍ୟ କରିବା, ଆଉ କିଏ ତାହା ଅନ୍ୟଥା କରିବ ?”
\s ବାବିଲରୁ ମୁକ୍ତି
\p
\s5
\v 14 ତୁମ୍ଭମାନଙ୍କର ମୁକ୍ତିଦାତା, ଇସ୍ରାଏଲର ଧର୍ମସ୍ୱରୂପ ସଦାପ୍ରଭୁ ଏହି କଥା କହନ୍ତି, “ଆମ୍ଭେ ତୁମ୍ଭମାନଙ୍କ ସକାଶେ ବାବିଲକୁ ଲୋକ ପଠାଇଅଛୁ ଓ ଆମ୍ଭେ ସେସମସ୍ତଙ୍କୁ ପଳାତକଗଣ ତୁଲ୍ୟ ଆଣିବା; କଲ୍‍ଦୀୟମାନଙ୍କୁ ହିଁ ସେମାନଙ୍କର ଆନନ୍ଦଗାନର ନୌକାରେ ଆଣିବା।
\v 15 ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ଧର୍ମସ୍ୱରୂପ, ଇସ୍ରାଏଲର ସୃଷ୍ଟିକର୍ତ୍ତା, ତୁମ୍ଭମାନଙ୍କର ରାଜା ଅଟୁ।”
\s5
\v 16 ଯେ ସମୁଦ୍ରରେ ପଥ ଓ ମହାଜଳରାଶିରେ ମାର୍ଗ କରନ୍ତି;
\v 17 ଯେ ରଥ ଓ ଅଶ୍ୱ, ସୈନ୍ୟ ଓ ବୀରଗଣକୁ ବାହାର କରି ଆଣନ୍ତି; ସେମାନେ ଏକତ୍ର ତଳେ ଶୋଇ ଆଉ ଉଠିବେ ନାହିଁ, ସେମାନେ ଲୁପ୍ତ ଓ ଛଣପଟ ପରି ନିଭିଯା’ନ୍ତି; ସେହି ସଦାପ୍ରଭୁ ଏହି କଥା କହନ୍ତି;
\s5
\v 18 “ତୁମ୍ଭେମାନେ ଆଦ୍ୟ ବିଷୟସବୁ ସ୍ମରଣ କର ନାହିଁ, କିଅବା ପୁରାତନ ବିଷୟସବୁ ବିବେଚନା କର ନାହିଁ।
\v 19 ଦେଖ, ଆମ୍ଭେ ଏକ ନୂତନ କାର୍ଯ୍ୟ କରିବା; ତାହା ଏବେ ଅଙ୍କୁରିତ ହେବ; ତୁମ୍ଭେମାନେ କି ତାହା ଜାଣିବ ନାହିଁ ? ଆହୁରି, ଆମ୍ଭେ ପ୍ରାନ୍ତର ମଧ୍ୟରେ ପଥ ଓ ମରୁଭୂମିରେ ନଦନଦୀ କରିବା।
\s5
\v 20 କ୍ଷେତ୍ରର ପଶୁଗଣ, ଶୃଗାଳ ଓ ଓଟପକ୍ଷୀଗଣ ଆମ୍ଭର ଗୌରବ କରିବେ; କାରଣ ଆମ୍ଭେ ଆପଣା ମନୋନୀତ ଲୋକମାନଙ୍କର ପାନାର୍ଥେ ପ୍ରାନ୍ତର ମଧ୍ୟରେ ଜଳ ଓ ମରୁଭୂମିରେ ନଦନଦୀ ଯୋଗାଉ;
\v 21 ସେହି ଲୋକମାନଙ୍କୁ ଆମ୍ଭେ ଆପଣା ପ୍ରଶଂସା ବର୍ଣ୍ଣନା କରିବା ନିମନ୍ତେ ସୃଷ୍ଟି କରିଅଛୁ।
\s5
\v 22 ତଥାପି ହେ ଯାକୁବ, ତୁମ୍ଭେ ଆମ୍ଭ ନିକଟରେ ପ୍ରାର୍ଥନା କରି ନାହଁ; ହେ ଇସ୍ରାଏଲ, ତୁମ୍ଭେ ଆମ୍ଭ ବିଷୟରେ କ୍ଳାନ୍ତ ହୋଇଅଛ।
\s ଇସ୍ରାଏଲର ପାପ
\p
\v 23 ତୁମ୍ଭେ ଆପଣା ହୋମାର୍ଥକ ମେଷାଦି ଆମ୍ଭ ନିକଟକୁ ଆଣି ନାହଁ; କିଅବା ତୁମ୍ଭେ ଆପଣା ବଳିଦାନ ଦ୍ୱାରା ଆମ୍ଭର ସମାଦର କରି ନାହଁ। ଆମ୍ଭେ ନୈବେଦ୍ୟ ନିମନ୍ତେ ତୁମ୍ଭକୁ ଦାସ୍ୟକର୍ମ କରାଇ ନାହୁଁ; କିଅବା କୁନ୍ଦୁରୁ ନିମନ୍ତେ ତୁମ୍ଭକୁ କ୍ଳାନ୍ତ କରାଇ ନାହୁଁ।
\s5
\v 24 ତୁମ୍ଭେ ରୌପ୍ୟମୁଦ୍ରା ଦେଇ ଆମ୍ଭ ପାଇଁ ସୁଗନ୍ଧି ବଚ କ୍ରୟ କରି ନାହଁ, କିଅବା ତୁମ୍ଭ ବଳିର ମେଦରେ ଆମ୍ଭକୁ ତୃପ୍ତ କରି ନାହଁ; ମାତ୍ର ତୁମ୍ଭେ ଆପଣା ପାପ ଦ୍ୱାରା ଆମ୍ଭକୁ ଦାସ୍ୟକର୍ମ କରାଇଅଛ, ତୁମ୍ଭେ ଆପଣା ନାନା ଅଧର୍ମରେ ଆମ୍ଭକୁ କ୍ଳାନ୍ତ କରିଅଛ।
\s5
\v 25 ଆମ୍ଭେ, ଆମ୍ଭେ ହିଁ ଆପଣା ଲାଗି ତୁମ୍ଭର ଅଧର୍ମସବୁ ମାର୍ଜନା କରୁ ଓ ତୁମ୍ଭର ପାପସବୁ ଆମ୍ଭେ ସ୍ମରଣ କରିବା ନାହିଁ।
\v 26 ଆମ୍ଭଙ୍କୁ ସ୍ମରଣ କରାଅ; ଆମ୍ଭେମାନେ ପରସ୍ପରର ବିଚାର କରୁ; ତୁମ୍ଭେ ନିର୍ଦ୍ଦୋଷୀକୃତ ହେବା ନିମନ୍ତେ ଆପଣା କଥା କୁହ।
\s5
\v 27 ତୁମ୍ଭର ଆଦି ପିତା ପାପ କଲା ଓ ତୁମ୍ଭର ମଧ୍ୟସ୍ଥିମାନେ ଆମ୍ଭ ବିରୁଦ୍ଧରେ ଅଧର୍ମ କରିଅଛନ୍ତି।
\v 28 ଏନିମନ୍ତେ ଆମ୍ଭେ ପବିତ୍ର ସ୍ଥାନର ଅଧିପତିମାନଙ୍କୁ ଅପବିତ୍ର କରିବା, ଆମ୍ଭେ ଯାକୁବକୁ ଅଭିଶାପ ଓ ଇସ୍ରାଏଲକୁ ନିନ୍ଦାପାତ୍ର କରିବା।”
\s5
\c 44
\s ଇସ୍ରାଏଲ ସଦାପ୍ରଭୁଙ୍କ ମନୋନୀତ
\p
\v 1 ତଥାପି ହେ ଆମ୍ଭର ଦାସ ଯାକୁବ ଓ ଆମ୍ଭର ମନୋନୀତ ଇସ୍ରାଏଲ, ଏବେ ଶୁଣ;
\v 2 ଯେ ତୁମ୍ଭକୁ ନିର୍ମାଣ କଲେ ଓ ଗର୍ଭରୁ ତୁମ୍ଭକୁ ଗଢ଼ିଲେ, ଯେ ତୁମ୍ଭର ସାହାଯ୍ୟ କରିବେ, ସେହି ସଦାପ୍ରଭୁ ଏହି କଥା କହନ୍ତି; “ହେ ଆମ୍ଭର ଦାସ ଯାକୁବ, ହେ ଆମ୍ଭର ମନୋନୀତ ଯିଶୁରୁଣ,
\f +
\fr 44:2
\fq ଯିଶୁରୁଣ,
\ft ଅର୍ଥାତ୍ ଇସ୍ରାଏଲ
\f* ଭୟ କର ନାହିଁ।
\s5
\v 3 କାରଣ ଆମ୍ଭେ ତୃଷିତ ଉପରେ ଜଳ ଓ ଶୁଷ୍କ ଭୂମି ଉପରେ ଜଳସ୍ରୋତ ଢାଳିବା; ଆମ୍ଭେ ତୁମ୍ଭ ବଂଶ ଉପରେ ଆପଣା ଆତ୍ମା ଓ ତୁମ୍ଭ ସନ୍ତାନଗଣ ଉପରେ ଆପଣା ଆଶୀର୍ବାଦ ଢାଳିବା;
\v 4 ତହିଁରେ ସେମାନେ ଜଳସ୍ରୋତ ନିକଟସ୍ଥ ବାଇଶୀ ବୃକ୍ଷ ତୁଲ୍ୟ ତୃଣ ମଧ୍ୟରେ ଅଙ୍କୁରିତ ହେବେ।
\s5
\v 5 ଏକ ଜଣ କହିବ, ଆମ୍ଭେ ସଦାପ୍ରଭୁଙ୍କର; ଅନ୍ୟ ଜଣ ଯାକୁବ ନାମରେ ଆପଣାକୁ ଖ୍ୟାତ କରିବ; ଆଉ, ଜଣେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସ୍ୱହସ୍ତରେ ସ୍ୱାକ୍ଷର କରିବ ଓ ଇସ୍ରାଏଲୀୟ କୁଳ ନାମରେ ଆପଣାକୁ ପ୍ରସିଦ୍ଧ କରିବ।”
\s5
\v 6 ସଦାପ୍ରଭୁ, ଇସ୍ରାଏଲର ରାଜା ଓ ତାହାର ମୁକ୍ତିଦାତା ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି; “ଆମ୍ଭେ ଆଦି ଓ ଆମ୍ଭେ ଅନ୍ତ, ପୁଣି ଆମ୍ଭ ଛଡ଼ା ପରମେଶ୍ୱର ଆଉ ନାହିଁ।
\s5
\v 7 ଆମ୍ଭେ ସେହି ପୁରାତନ ଲୋକଙ୍କୁ ସ୍ଥାପନ କରିବା ସମୟଠାରୁ ଆମ୍ଭ ତୁଲ୍ୟ କିଏ ଆହ୍ୱାନ କରିବ ଓ ତାହା ପ୍ରକାଶ କରିବ ଓ ଯଥାକ୍ରମେ ଆମ୍ଭ ପାଇଁ ତାହା ସଜାଇବ ? ପୁଣି, ଯାହା ଯାହା ନିକଟବର୍ତ୍ତୀ ଓ ଯାହା ଯାହା ଘଟିବ, ତାହା ସେମାନେ ପ୍ରକାଶ କରନ୍ତୁ।
\s5
\v 8 ତୁମ୍ଭେମାନେ କମ୍ପିତ କିଅବା ଭୀତ ହୁଅ ନାହିଁ; ଆମ୍ଭେ କ’ଣ ପୂର୍ବରୁ ତୁମ୍ଭମାନଙ୍କ ନିକଟରେ ପ୍ରକାଶ କରି ନାହୁଁ ଓ ତୁମ୍ଭମାନଙ୍କୁ ତାହା ଜଣାଇ ନାହୁଁ ? ତୁମ୍ଭେମାନେ ଆମ୍ଭର ସାକ୍ଷୀ। ଆମ୍ଭ ଭିନ୍ନ ଆଉ କି ପରମେଶ୍ୱର ଅଛନ୍ତି ? ଅନ୍ୟ ଶୈଳ ନାହିଁ; ଆମ୍ଭେ କାହାକୁ ଜାଣୁ ନା।”
\s ପ୍ରତିମା ପୂଜା ଉପହାସଜନକ
\p
\s5
\v 9 ଯେଉଁମାନେ ଖୋଦିତ ପ୍ରତିମା ନିର୍ମାଣ କରନ୍ତି, ସେମାନେ ସମସ୍ତେ ଅସାର ଓ ସେମାନଙ୍କର ମନୋହର ବିଷୟମାନ ଉପକାରକ ହେବ ନାହିଁ; ସେମାନେ ଯେପରି ଲଜ୍ଜିତ ହେବେ, ଏଥିପାଇଁ ସେମାନଙ୍କର ନିଜ ସାକ୍ଷୀଗଣ ଦେଖନ୍ତି ନାହିଁ, କିଅବା ଜାଣନ୍ତି ନାହିଁ।
\v 10 ଯାହା କୌଣସି ବିଷୟରେ ଉପକାରକ ନୁହେଁ, ଏପରି ଦେବତା କିଏ ନିର୍ମାଣ କରିଅଛି, ଅବା ଖୋଦିତ ପ୍ରତିମା କିଏ ଛାଞ୍ଚରେ ଢାଳିଅଛି ?
\s5
\v 11 ଦେଖ, ତାହାର ସହାୟ ସମସ୍ତେ ଲଜ୍ଜିତ ହେବେ; ପୁଣି, ଶିଳ୍ପକାରୀମାନେ ମନୁଷ୍ୟ ମାତ୍ର; ସେସମସ୍ତେ ଏକତ୍ର ହେଉନ୍ତୁ, ସେମାନେ ଛିଡ଼ା ହେଉନ୍ତୁ; ସେମାନେ କମ୍ପିତ ହେବେ, ସେମାନେ ଏକା ବେଳେ ଲଜ୍ଜିତ ହେବେ।
\s5
\v 12 କର୍ମକାର ଲୌହ ଅସ୍ତ୍ର ନିର୍ମାଣ କରି ତପ୍ତ ଅଙ୍ଗାରରେ କର୍ମ କରେ ଓ ହାତୁଡ଼ିରେ ତାହା ଗଢ଼ି ନିଜର ବଳିଷ୍ଠ ବାହୁରେ ତାହା ପ୍ରସ୍ତୁତ କରେ; ହଁ, ସେ କ୍ଷୁଧିତ ହୁଏ ଓ ତାହାର ବଳ ଊଣା ପଡ଼ିଯାଏ, ସେ ଜଳପାନ ନ କରି କ୍ଳାନ୍ତ ହୁଏ।
\s5
\v 13 ସୂତ୍ରଧର ସୂତା ଟାଣେ; ସେ ସିନ୍ଦୁର ଦ୍ୱାରା ଚିହ୍ନ ଦିଏ, ସେ ରନ୍ଦା ବୁଲାଇ ଆକୃତି କରି କମ୍ପାସ ଦ୍ୱାରା ଚିହ୍ନ ଦିଏ ଓ ଗୃହରେ ବାସ କରାଇବା ନିମନ୍ତେ ମନୁଷ୍ୟର ଆକୃତି ଓ ସୌନ୍ଦର୍ଯ୍ୟ ଅନୁସାରେ ତାହା ନିର୍ମାଣ କରେ।
\s5
\v 14 ସେ ଆପଣା ନିମନ୍ତେ ଏରସ ବୃକ୍ଷ କାଟେ, ତର୍ସା ଓ ଅଲୋନ ବୃକ୍ଷ ନିଏ, ସେ ବନବୃକ୍ଷ ମଧ୍ୟରୁ ଗୋଟିଏ ବୃକ୍ଷ ଆପଣା ପାଇଁ ଦୃଢ଼ କରେ; ସେ ଦେବଦାରୁ ବୃକ୍ଷ ରୋପଣ କରେ ଓ ବୃଷ୍ଟି ତାହା ବଢ଼ାଏ।
\s5
\v 15 ଏଉତ୍ତାରେ ତାହା ମନୁଷ୍ୟର ଜାଳେଣି କାଷ୍ଠ ହୁଏ; ସେ ତହିଁରୁ କିଛି ନେଇ ଅଗ୍ନି ତାପ ନିଏ; ଆଉ, ସେ ତାହା ଜାଳି ରୁଟି ପାକ କରେ; ଆହୁରି, ଗୋଟିଏ ଦେବତା କରି ତାହା ପୂଜା କରେ; ସେ ଗୋଟିଏ ଖୋଦିତ ପ୍ରତିମା କରି ତାହା ଆଗରେ ଦଣ୍ଡବତ କରେ।
\v 16 ସେ ତହିଁରୁ ଏକ ଅଂଶ ଅଗ୍ନିରେ ପୋଡ଼େ; ଅନ୍ୟ ଅଂଶରେ ସେ ମାଂସ ପାକ କରି ଭୋଜନ କରେ ଓ ଶୂଲ୍ୟମାଂସ ପ୍ରସ୍ତୁତ କରି ତୃପ୍ତ ହୁଏ, ଆହୁରି ସେ ଅଗ୍ନି ତାପ ନେଇ କହେ, ଆଃ, ଆମ୍ଭେ ଉଷ୍ଣ ହେଲୁ, ଆମ୍ଭେ ଅଗ୍ନି ଦେଖିଲୁ।
\s5
\v 17 ପୁଣି, ସେ ତହିଁର ଅବଶିଷ୍ଟାଂଶ ଦ୍ୱାରା ଏକ ଦେବତା, ଆପଣାର ଖୋଦିତ ପ୍ରତିମା ନିର୍ମାଣ କରେ; ସେ ତାହା ଆଗରେ ଦଣ୍ଡବତ କରି ପୂଜା କରେ ଓ ତାହା ନିକଟରେ ପ୍ରାର୍ଥନା କରି କହେ, “ଆମ୍ଭକୁ ଉଦ୍ଧାର କର, ତୁମ୍ଭେ ଆମ୍ଭର ଦେବତା।”
\s5
\v 18 ସେମାନେ ଜାଣନ୍ତି ନାହିଁ, କିଅବା ବିବେଚନା କରନ୍ତି ନାହିଁ, କାରଣ ସେମାନେ ଯେପରି ଦେଖି ନ ପାରିବେ, ଏଥିପାଇଁ ସେମାନଙ୍କର ଚକ୍ଷୁ ଓ ସେମାନେ ଯେପରି ବୁଝି ନ ପାରିବେ, ଏଥିପାଇଁ ସେମାନଙ୍କର ଚିତ୍ତ ସେ ମୁଦ୍ରିତ କରିଅଛନ୍ତି।
\s5
\v 19 କେହି ମନେ କରେ ନାହିଁ, କିଅବା ଏହା କହିବା ପାଇଁ କାହାରି ଜ୍ଞାନ କି ବୁଦ୍ଧି ନାହିଁ ଯେ, “ଯହିଁର ଏକ ଅଂଶ ନେଇ ଆମ୍ଭେ ଅଗ୍ନିରେ ଦଗ୍ଧ କରିଅଛୁ ଓ ଯହିଁର ଜ୍ୱଳ; ଅଙ୍ଗାର ନେଇ ରୁଟି ପାକ କରିଅଛୁ ଓ ମାଂସ ପାକ କରି ଭୋଜନ କରିଅଛୁ, ତହିଁର ଅବଶିଷ୍ଟାଂଶ ନେଇ କି ଘୃଣାଯୋଗ୍ୟ ବସ୍ତୁ ନିର୍ମାଣ କରିବା ? ଆମ୍ଭେ କି ଖଣ୍ଡେ କାଷ୍ଠ ଆଗରେ ଦଣ୍ଡବତ କରିବା ?
\s5
\v 20 ସେ ଭସ୍ମ ଭୋଜନ କରେ; ସେ ଯେପରି ଆପଣା ପ୍ରାଣ ଉଦ୍ଧାର କରି ନ ପାରେ, କିଅବା ଆମ୍ଭ ଡାହାଣ ହସ୍ତରେ କି ମିଥ୍ୟା ନାହିଁ, ଏହା କହି ନ ପାରେ, ଏଥିପାଇଁ ଭ୍ରାନ୍ତ ଚିତ୍ତ ତାହାକୁ ବିପଥଗାମୀ କରିଅଛି।”
\s ଇସ୍ରାଏଲର ସୃଷ୍ଟିକର୍ତ୍ତା ଓ ମୁକ୍ତିଦାତା ପରମେଶ୍ୱର
\p
\s5
\v 21 ହେ ଯାକୁବ, ହେ ଇସ୍ରାଏଲ, ତୁମ୍ଭେ ଏହିସବୁ କଥା ସ୍ମରଣ କର, କାରଣ ତୁମ୍ଭେ ଆମ୍ଭର ଦାସ; ଆମ୍ଭେ ତୁମ୍ଭକୁ ଗଢ଼ିଅଛୁ; ତୁମ୍ଭେ ଆମ୍ଭର ଦାସ; ହେ ଇସ୍ରାଏଲ, ତୁମ୍ଭେ ଆମ୍ଭ ଦ୍ୱାରା ବିସ୍ମୃତ ହେବ ନାହିଁ।
\v 22 ଆମ୍ଭେ ତୁମ୍ଭର ଅଧର୍ମସବୁ ନିବିଡ଼ କୁହୁଡ଼ିର ନ୍ୟାୟ ଓ ତୁମ୍ଭର ପାପସବୁ ମେଘ ପରି ମାର୍ଜନା କରିଅଛୁ; ଆମ୍ଭ ନିକଟକୁ ଫେରି ଆସ; କାରଣ ଆମ୍ଭେ ତୁମ୍ଭକୁ ମୁକ୍ତ କରିଅଛୁ।
\s5
\v 23 ହେ ଆକାଶମଣ୍ଡଳ, ଗାନ କର, କାରଣ ସଦାପ୍ରଭୁ ଏହା ସାଧନ କରିଅଛନ୍ତି; ହେ ପୃଥିବୀର ଅଧଃସ୍ଥାନସକଳ, ଆନନ୍ଦଧ୍ୱନି କର; ହେ ପର୍ବତଗଣ, ହେ ଅରଣ୍ୟ ଓ ତନ୍ମଧ୍ୟସ୍ଥ ପ୍ରତ୍ୟେକ ବୃକ୍ଷ, ତୁମ୍ଭେମାନେ ଉଚ୍ଚସ୍ୱରରେ ଗାନ କର; କାରଣ ସଦାପ୍ରଭୁ ଯାକୁବକୁ ମୁକ୍ତ କରିଅଛନ୍ତି ଓ ଇସ୍ରାଏଲ ମଧ୍ୟରେ ଆପଣାକୁ ଗୌରବାନ୍ୱିତ କରିବେ।
\s5
\v 24 ତୁମ୍ଭର ମୁକ୍ତିଦାତା ସଦାପ୍ରଭୁ, ଗର୍ଭରୁ ଯେ ତୁମ୍ଭକୁ ଗଢ଼ିଲେ, ସେ ଏହା କହନ୍ତି; “ଆମ୍ଭେ ସଦାପ୍ରଭୁ, ଆମ୍ଭେ ସବୁ କାର୍ଯ୍ୟ ସାଧନ କରୁ ଆମ୍ଭେ ଏକାକୀ ଆକାଶମଣ୍ଡଳ ବିସ୍ତାର କରୁ; ଆମ୍ଭେ ପୃଥିବୀକୁ ପ୍ରସାର କରୁ; ଆମ୍ଭର ସଙ୍ଗୀ କିଏ ?
\v 25 ଆମ୍ଭେ ମିଥ୍ୟାବାଦୀମାନଙ୍କର (ଦତ୍ତ) ଲକ୍ଷଣସବୁ ବିଫଳ କରୁ ଓ ମନ୍ତ୍ରଜ୍ଞମାନଙ୍କୁ ଉନ୍ମତ୍ତ କରୁ; ଆମ୍ଭେ ଜ୍ଞାନୀମାନଙ୍କୁ ପଛକୁ ହଟାଇ ଦେଉ ଓ ସେମାନଙ୍କର ଜ୍ଞାନ ମୂର୍ଖତା କରୁ;
\s5
\v 26 ଆମ୍ଭେ ଆପଣା ଦାସର ବାକ୍ୟ ଦୃଢ଼ କରୁ ଓ ଆପଣା ଦୂତଗଣର ମନ୍ତ୍ରଣା ସିଦ୍ଧ କରୁ; ଆମ୍ଭେ ଯିରୂଶାଲମ ବିଷୟରେ କହୁ, ତାହା ବସତିବିଶିଷ୍ଟ ହେବ ଓ ଯିହୁଦାର ନଗରମାନଙ୍କ ବିଷୟରେ କହୁ, ସେହି ସବୁ ପୁନଃନିର୍ମିତ ହେବ, ପୁଣି ଆମ୍ଭେ ତହିଁର ଉଜାଡ଼ ସ୍ଥାନ ସବୁ ପୁନର୍ବାର ପତ୍ତନ କରିବା;
\v 27 ଆମ୍ଭେ ଅଗାଧ ଜଳକୁ କହୁ, ଶୁଷ୍କ ହୁଅ; ପୁଣି ଆମ୍ଭେ ତୁମ୍ଭର ନଦନଦୀସବୁ ଶୁଷ୍କ କରିବା;
\s5
\v 28 ଆମ୍ଭେ କୋରସ୍‍ ବିଷୟରେ କହୁ, ସେ ଆମ୍ଭ ପଲର ପାଳକ ଓ ଆମ୍ଭର ଇଷ୍ଟ ସାଧନ କରିବ; ସେ ଯିରୂଶାଲମ ବିଷୟରେ କହିବ, ତାହା ପୁନଃର୍ନିର୍ମିତ ହେବ ଓ ମନ୍ଦିରକୁ କହିବ, ତୁମ୍ଭର ଭିତ୍ତିମୂଳ ସ୍ଥାପିତ ହେବ।”
\s5
\c 45
\s କୋରସ୍‍ ସଦାପ୍ରଭୁଙ୍କ ମାଧ୍ୟମ
\p
\v 1 ସଦାପ୍ରଭୁ ଆପଣା ଅଭିଷିକ୍ତ ବ୍ୟକ୍ତିର, ଅର୍ଥାତ୍‍, କୋରସ୍‍ର ବିଷୟରେ ଏହି କଥା କହନ୍ତି, ଆମ୍ଭେ ତାହା ସମ୍ମୁଖରେ ନାନା ଗୋଷ୍ଠୀଙ୍କୁ ପରାସ୍ତ କରିବା ନିମନ୍ତେ ତାହାର ଡାହାଣ ହସ୍ତ ଧରିଅଛୁ ଓ ଆମ୍ଭେ ରାଜାମାନଙ୍କର କଟିବନ୍ଧନ ଫିଟାଇବା; ଆମ୍ଭେ ତାହା ସମ୍ମୁଖରେ କବାଟସବୁ ମୁକ୍ତ କରିବା ଓ ନଗରଦ୍ୱାରସବୁ ବନ୍ଦ ହେବ ନାହିଁ;
\s5
\v 2 “ଆମ୍ଭେ ତୁମ୍ଭର ଆଗେ ଆଗେ ଗମନ କରିବା, ରଗଡ଼ା ସ୍ଥାନ ସବୁ ସମାନ କରିବା; ଆମ୍ଭେ ପିତ୍ତଳର କବାଟସବୁ ଭାଙ୍ଗି ଖଣ୍ଡ ଖଣ୍ଡ କରିବା ଓ ଲୌହ ଅର୍ଗଳସବୁ କାଟି ପକାଇବା;
\v 3 ପୁଣି, ଆମ୍ଭେ ଅନ୍ଧକାରାବୃତ ଧନଭଣ୍ଡାର ଓ ଗୁପ୍ତ ସ୍ଥାନରେ ସଞ୍ଚିତ ସମ୍ପତ୍ତିସବୁ ତୁମ୍ଭକୁ ଦେବା, ତହିଁରେ ତୁମ୍ଭର ନାମ ଧରି ଆହ୍ୱାନକାରୀ ଆମ୍ଭେ ଯେ ସଦାପ୍ରଭୁ, ଇସ୍ରାଏଲର ପରମେଶ୍ୱର ଅଟୁ, ଏହା ତୁମ୍ଭେ ଜାଣି ପାରିବ।
\s5
\v 4 ଆମ୍ଭ ଦାସ ଯାକୁବ ଓ ଆମ୍ଭ ମନୋନୀତ ଇସ୍ରାଏଲ ସକାଶେ ଆମ୍ଭେ ତୁମ୍ଭର ନାମ ଧରି ତୁମ୍ଭକୁ ଡାକିଅଛୁ; ତୁମ୍ଭେ ଆମ୍ଭକୁ ନ ଜାଣିଲେ ହେଁ ଆମ୍ଭେ ତୁମ୍ଭକୁ ଉପାଧି ଦେଇଅଛୁ।
\v 5 ଆମ୍ଭେ ସଦାପ୍ରଭୁ, ଆଉ ଦ୍ୱିତୀୟ କେହି ନାହିଁ; ଆମ୍ଭ ଛଡ଼ା ଆଉ ପରମେଶ୍ୱର ନାହାନ୍ତି; ତୁମ୍ଭେ ଆମ୍ଭକୁ ନ ଜାଣିଲେ ହେଁ ଆମ୍ଭେ ତୁମ୍ଭର କଟିବନ୍ଧନ କରିବା;
\v 6 ତହିଁରେ ଆମ୍ଭ ଛଡ଼ା ଯେ ଆଉ କେହି ନାହିଁ, ଏହା ସୂର୍ଯ୍ୟୋଦୟର ସ୍ଥାନରୁ ପଶ୍ଚିମ ଦିଗ ପର୍ଯ୍ୟନ୍ତ ଲୋକେ ଜାଣିବେ; ଆମ୍ଭେ ସଦାପ୍ରଭୁ, ଆଉ ଦ୍ୱିତୀୟ କେହି ନାହିଁ।
\s5
\v 7 ଆମ୍ଭେ ଦୀପ୍ତି ନିର୍ମାଣ କରୁ ଓ ଆମ୍ଭେ ଅନ୍ଧକାର ସୃଷ୍ଟି କରୁ; ଆମ୍ଭେ ଶାନ୍ତି ରଚନା କରୁ, ଅନିଷ୍ଟ ସୃଷ୍ଟି କରୁ; ଆମ୍ଭେ ସଦାପ୍ରଭୁ ଏହାସବୁ ସାଧନ କରୁ।
\v 8 ହେ ଆକାଶମଣ୍ଡଳ, ତୁମ୍ଭେମାନେ ଉପରୁ ବର୍ଷଣ କର, ମେଘମାଳ ଧର୍ମବୃଷ୍ଟି କରୁ; ଯେପରି ପରିତ୍ରାଣ ଉତ୍ପନ୍ନ ହେବ, ଏଥିପାଇଁ ପୃଥିବୀ ବିଦୀର୍ଣ୍ଣ ହେଉ ଓ ସେ ଧାର୍ମିକତା ଏକତ୍ର ଅଙ୍କୁରିତ କରାଉ; ଆମ୍ଭେ ସଦାପ୍ରଭୁ ଏହା ସୃଷ୍ଟି କରିଅଛୁ।
\s ସୃଷ୍ଟି ଓ ଇତିହାସର ପ୍ରଭୁ
\p
\s5
\v 9 ଯେ ଆପଣା ସୃଷ୍ଟିକର୍ତ୍ତାଙ୍କ ସଙ୍ଗେ ବିରୋଧ କରେ, ସେ ସନ୍ତାପର ପାତ୍ର ! ପୃଥିବୀର ଖପରା ମଧ୍ୟରେ ଖଣ୍ଡେ ଖପରା ମାତ୍ର ! ମୃତ୍ତିକା କ’ଣ ତା’ର ଗଢ଼ିବା ଲୋକକୁ କହିବ, ତୁମ୍ଭେ କଅଣ ନିର୍ମାଣ କରୁଅଛ ? ଅବା ତୁମ୍ଭର କର୍ମ କ’ଣ କହିବ, ତାହାର ହସ୍ତ ନାହିଁ ?
\s5
\v 10 ଯେ ପିତାକୁ କହେ, ତୁମ୍ଭେ କଅଣ ଜନ୍ମାଉଅଛ, ଅବା ସ୍ତ୍ରୀଲୋକକୁ କହେ, ତୁମ୍ଭେ କଅଣ ପ୍ରସବ କରୁଅଛ ? ସେ ସନ୍ତାପର ପାତ୍ର !
\s5
\v 11 ସଦାପ୍ରଭୁ, ଇସ୍ରାଏଲର ଧର୍ମସ୍ୱରୂପ ଓ ତାହାର ନିର୍ମାଣକର୍ତ୍ତା ଏହି କଥା କହନ୍ତି, ଆଗାମୀ ଘଟଣାର ବିଷୟ ଆମ୍ଭକୁ ପଚାର; ତୁମ୍ଭେମାନେ ଆମ୍ଭ ସନ୍ତାନଗଣର ବିଷୟରେ ଓ ଆମ୍ଭ ହସ୍ତକୃତ କର୍ମ ବିଷୟରେ ଆମ୍ଭକୁ ଆଦେଶ ଦିଅ।
\s5
\v 12 ଆମ୍ଭେ ପୃଥିବୀ ନିର୍ମାଣ କରିଅଛୁ ଓ ତହିଁ ମଧ୍ୟରେ ମନୁଷ୍ୟର ସୃଷ୍ଟି କରିଅଛୁ; ଆମ୍ଭେ, ଆମ୍ଭର ହସ୍ତ ହିଁ ଆକାଶମଣ୍ଡଳ ବିସ୍ତୀର୍ଣ୍ଣ କରିଅଛି ଓ ତହିଁର ସକଳ ବିଷୟକୁ ଆମ୍ଭେ ଆଜ୍ଞା ଦେଇଅଛୁ।
\s5
\v 13 ଆମ୍ଭେ ଧର୍ମରେ ତାହାକୁ ଉତ୍ପନ୍ନ କରିଅଛୁ ଓ ଆମ୍ଭେ ତାହାର ସକଳ ପଥ ସରଳ କରିବା; ସେ ଆମ୍ଭର ନଗର ନିର୍ମାଣ କରିବ ଓ ସେ ଆମ୍ଭର ନିର୍ବାସିତ ଲୋକମାନଙ୍କୁ ଛାଡ଼ି ଦେବ, ମୂଲ୍ୟ ନିମନ୍ତେ କିଅବା ପୁରସ୍କାର ନିମନ୍ତେ ନୁହେଁ,” ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।
\s ସଦାପ୍ରଭୁ ଏକମାତ୍ର ତ୍ରାଣକର୍ତ୍ତା
\p
\s5
\v 14 ସଦାପ୍ରଭୁ ଏହି କଥା କହନ୍ତି, “ମିସରର ପରିଶ୍ରମର, କୂଶର ବାଣିଜ୍ୟର ଫଳ ଓ ଦୀର୍ଘକାୟ ସବାୟୀୟମାନେ ତୁମ୍ଭ ନିକଟକୁ ଆସିବେ ଓ ତୁମ୍ଭର ହେବେ; ସେମାନେ ତୁମ୍ଭର ପଶ୍ଚାଦ୍‍ଗାମୀ ହେବେ; ଶୃଙ୍ଖଳରେ ଆବଦ୍ଧ ହୋଇ ସେମାନେ ଆସିବେ; ପୁଣି, ସେମାନେ ତୁମ୍ଭକୁ ପ୍ରଣାମ କରିବେ ଓ ନିବେଦନ କରି କହିବେ, ନିଶ୍ଚୟ ପରମେଶ୍ୱର ତୁମ୍ଭ ମଧ୍ୟରେ ଅଛନ୍ତି; ତାହାଙ୍କ ବିନୁ ଆଉ କେହି ନାହିଁ, ଆଉ କେହି ପରମେଶ୍ୱର ନାହାନ୍ତି।”
\v 15 ହେ ତ୍ରାଣକର୍ତ୍ତା, ଇସ୍ରାଏଲର ପରମେଶ୍ୱର, ତୁମ୍ଭେ ନିଶ୍ଚୟ ଆତ୍ମଗୋପନକାରୀ ପରମେଶ୍ୱର ଅଟ।
\s5
\v 16 ସେମାନେ ଲଜ୍ଜିତ ହେବେ, ହଁ, ସେମାନେ ସମସ୍ତେ ବିବ୍ରତ ହେବେ; ପ୍ରତିମା ନିର୍ମାଣକାରୀ ସମସ୍ତେ ଏକାସଙ୍ଗେ ଅପମାନଗ୍ରସ୍ତ ହେବେ।
\v 17 ମାତ୍ର ଇସ୍ରାଏଲ, ସଦାପ୍ରଭୁଙ୍କ ଦ୍ୱାରା ଅନନ୍ତକାଳସ୍ଥାୟୀ ପରିତ୍ରାଣ ପ୍ରାପ୍ତ ହେବ; ତୁମ୍ଭେମାନେ ଯୁଗଯୁଗାନ୍ତ ପର୍ଯ୍ୟନ୍ତ ଲଜ୍ଜିତ କିଅବା ବିବ୍ରତ ହେବ ନାହିଁ।
\s5
\v 18 କାରଣ, ଆକାଶମଣ୍ଡଳର ସୃଷ୍ଟିକର୍ତ୍ତା ସଦାପ୍ରଭୁ ଏହିପରି କହନ୍ତି; ସେ ପରମେଶ୍ୱର ଅଟନ୍ତି; ସେ ପୃଥିବୀକୁ ନିର୍ମାଣ କରି ପ୍ରସ୍ତୁତ କଲେ; ସେ ତାହା ସ୍ଥାପନ କଲେ, ସେ ତାହା ଶୂନ୍ୟ କରି ସୃଷ୍ଟି ନ କରି ବସତି ସ୍ଥାନ ହେବା ପାଇଁ ନିର୍ମାଣ କଲେ, ଆମ୍ଭେ ସଦାପ୍ରଭୁ, ଆଉ ଦ୍ୱିତୀୟ କେହି ନାହିଁ।
\s5
\v 19 ଆମ୍ଭେ ଗୋପନରେ ଅନ୍ଧକାରମୟ ଦେଶର କୌଣସି ସ୍ଥାନରେ କହି ନାହୁଁ; ତୁମ୍ଭେମାନେ ବୃଥାରେ ଆମ୍ଭର ଅନ୍ୱେଷଣ କର, ଏହା ଆମ୍ଭେ ଯାକୁବ ବଂଶକୁ କହି ନାହୁଁ, ଆମ୍ଭେ ସଦାପ୍ରଭୁ ଧର୍ମବାଦୀ, ଆମ୍ଭେ ସଠିକ୍ କଥା ପ୍ରକାଶ କରୁ।
\s5
\v 20 ହେ ନାନା ଗୋଷ୍ଠୀ ମଧ୍ୟରୁ ରକ୍ଷାପ୍ରାପ୍ତ ଲୋକମାନେ, ତୁମ୍ଭେମାନେ ଏକତ୍ର ହୋଇ ଆସ, ଏକ ସଙ୍ଗେ ନିକଟକୁ ଆସ; ଯେଉଁମାନେ ଆପଣାମାନଙ୍କ ଖୋଦିତ ପ୍ରତିମାର କାଷ୍ଠ ବୋହି ବୁଲନ୍ତି ଓ ପରିତ୍ରାଣ କରିବାକୁ ଅସମର୍ଥ ଦେବତା ନିକଟରେ ପ୍ରାର୍ଥନା କରନ୍ତି, ସେମାନଙ୍କର କିଛି ଜ୍ଞାନ ନାହିଁ।
\s5
\v 21 ତୁମ୍ଭେମାନେ ପ୍ରକାଶ କର ଓ ତାହା ଉପସ୍ଥିତ କର; ହଁ, ସେମାନେ ପରସ୍ପର ମନ୍ତ୍ରଣା କରନ୍ତୁ; ପୂର୍ବ କାଳରୁ କିଏ ଏହା ଜଣାଇଅଛି ? ପୁରାତନ କାଳରୁ କିଏ ଏହା ପ୍ରକାଶ କରିଅଛି ? ଆମ୍ଭେ ସଦାପ୍ରଭୁ କି ଏହା କରି ନାହୁଁ ? ଆମ୍ଭ ଛଡ଼ା ଅନ୍ୟ ପରମେଶ୍ୱର ନାହିଁ, ଆମ୍ଭେ ଧର୍ମଶୀଳ ପରମେଶ୍ୱର ଓ ତ୍ରାଣକର୍ତ୍ତା; ଆମ୍ଭ ଛଡ଼ା ଆଉ କେହି ନାହିଁ।
\s5
\v 22 ହେ ପୃଥିବୀର ପ୍ରାନ୍ତସ୍ଥ ସମସ୍ତେ, ତୁମ୍ଭେମାନେ ଆମ୍ଭ ପ୍ରତି ଅନାଇ ପରିତ୍ରାଣ ପ୍ରାପ୍ତ ହୁଅ; କାରଣ ଆମ୍ଭେ ପରମେଶ୍ୱର, ଆମ୍ଭ ଛଡ଼ା ଦ୍ୱିତୀୟ ନାହିଁ।
\v 23 ଆମ୍ଭେ ଆପଣା ନାମ ନେଇ ଶପଥ କରିଅଛୁ ଓ ଧର୍ମମୟ ବାକ୍ୟ ଆମ୍ଭ ମୁଖରୁ ନିର୍ଗତ ହୋଇଅଛି, ତାହା ଅନ୍ୟଥା ହେବ ନାହିଁ, ଆମ୍ଭ ଛାମୁରେ ପ୍ରତ୍ୟେକ ଆଣ୍ଠୁ ନତ ହେବ, ପ୍ରତ୍ୟେକ ଜିହ୍ୱା ଶପଥ କରିବ।
\s5
\v 24 ଲୋକେ ଆମ୍ଭ ଉଦ୍ଦେଶ୍ୟରେ କହିବେ, “କେବଳ ସଦାପ୍ରଭୁଙ୍କଠାରେ ଧାର୍ମିକତା ଓ ଶକ୍ତି ଅଛି।” ତାହାଙ୍କ ନିକଟକୁ ଲୋକମାନେ ଆସିବେ, ପୁଣି ଯେଉଁମାନେ ତାହାଙ୍କ ପ୍ରତି ବିରକ୍ତ ହୋଇଥିଲେ, ସେମାନେ ସମସ୍ତେ ଲଜ୍ଜିତ ହେବେ।
\v 25 ଇସ୍ରାଏଲର ସମୁଦାୟ ବଂଶ ସଦାପ୍ରଭୁଙ୍କଠାରେ ଧାର୍ମିକୀକୃତ ହେବେ ଓ ଦର୍ପ କରିବେ।
\s5
\c 46
\s ସଦାପ୍ରଭୁ ଏବଂ ବାବିଲର ଦେବତା
\p
\v 1 ବେଲ୍ ଦେବତା ଅବନତ ହୁଏ, ନବୋ ନତ ହୁଏ; ସେମାନଙ୍କ ପ୍ରତିମାଗଣ ଜନ୍ତୁ ଓ ପଶୁମାନଙ୍କ ଉପରେ ଥୁଆ ଯାଇଅଛନ୍ତି; ଯେଉଁ ଦ୍ରବ୍ୟମାନ ତୁମ୍ଭେମାନେ ବୋହି କରି ବୁଲିଲ, ତାହା ବୋଝ ହୋଇଅଛି, କ୍ଳାନ୍ତ ପଶୁ ପ୍ରତି ଭାର ହୋଇଅଛି।
\q
\v 2 ସେମାନେ ନତ ହୁଅନ୍ତି,
\q ସେମାନେ ଏକତ୍ର ନତ ହୁଅନ୍ତି;
\q ସେମାନେ ଭାର ରକ୍ଷା କରି ପାରିଲେ ନାହିଁ,
\q ମାତ୍ର ଆପେ ବନ୍ଦୀ ହୋଇ ଯାଇଅଛନ୍ତି।
\q
\s5
\v 3 ହେ ଯାକୁବ ବଂଶ, ହେ ଇସ୍ରାଏଲ ବଂଶର ଅବଶିଷ୍ଟାଂଶ ସମସ୍ତେ, ଆମ୍ଭର କଥା ଶୁଣ;
\q ତୁମ୍ଭେମାନେ ଉଦରସ୍ଥାୟୀ ହେବାଠାରୁ ଆମ୍ଭ ଦ୍ୱାରା ବୁହା ଯାଇଅଛ, ତୁମ୍ଭେମାନେ ଗର୍ଭରୁ ବହା ଯାଇଅଛ;
\q
\v 4 ପୁଣି, ଆମ୍ଭେ ତୁମ୍ଭମାନଙ୍କର ବୃଦ୍ଧାବସ୍ଥା ପର୍ଯ୍ୟନ୍ତ ସେହି ଅଟୁ ଓ ପକ୍ୱ କେଶ ପର୍ଯ୍ୟନ୍ତ ହିଁ ଆମ୍ଭେ ତୁମ୍ଭମାନଙ୍କୁ ବୋହିବା;
\q ଆମ୍ଭେ ନିର୍ମାଣ କରିଅଛୁ ଓ ଆମ୍ଭେ ବୋହିବା; ହଁ, ଆମ୍ଭେ ବହିବା ଓ ଉଦ୍ଧାର କରିବା।
\q
\s5
\v 5 ତୁମ୍ଭେମାନେ ଆମ୍ଭକୁ କାହାର ସଦୃଶ ଓ ସମାନ କରିବ ଓ କାହାର ସଙ୍ଗେ ଆମ୍ଭର ଉପମା ଦେଲେ, ଆମ୍ଭେମାନେ ସମାନ ହେବା ?
\q
\v 6 ସେମାନେ ତୋଡ଼ାରୁ ସୁନା ଢାଳନ୍ତି ଓ ନିକ୍ତିରେ ରୂପା ତୌଲନ୍ତି, ସେମାନେ ସୁନାରୀକୁ ମୂଲ ଲଗାନ୍ତି ଓ ସେ ଗୋଟିଏ ଦେବତା ନିର୍ମାଣ କରେ; ସେମାନେ ଦଣ୍ଡବତ କରି ପୂଜା କରନ୍ତି।
\q
\s5
\v 7 ସେମାନେ ତାହାକୁ ସ୍କନ୍ଧରେ ବହନ କରନ୍ତି ଓ ତାହାକୁ ବୋହି ତାହାର ସ୍ଥାନରେ ତାହାକୁ ରଖନ୍ତି, ତହିଁରେ ସେ ଛିଡ଼ା ହୁଏ; ସେ ଆପଣା ସ୍ଥାନରୁ ଘୁଞ୍ଚିବ ନାହିଁ;
\q ଆହୁରି, କେହି ତାହାକୁ ଡାକିଲେ ହେଁ ସେ ଉତ୍ତର ଦେଇ ପାରିବ ନାହିଁ, କିଅବା ସଙ୍କଟରୁ ଉଦ୍ଧାର କରି ପାରିବ ନାହିଁ।
\q
\s5
\v 8 ତୁମ୍ଭେମାନେ ଏହା ସ୍ମରଣ କର ଓ ପୁରୁଷତ୍ୱ ପ୍ରକାଶ କର; ହେ ଅଧର୍ମାଚାରୀମାନେ, ମନରେ କର।
\q
\v 9 ପୁରାତନ ବିଷୟସବୁ ସ୍ମରଣ କର;
\q କାରଣ ଆମ୍ଭେ ହିଁ ପରମେଶ୍ୱର, ଦ୍ୱିତୀୟ ନାହିଁ; ଆମ୍ଭେ ପରମେଶ୍ୱର, ଆମ୍ଭ ତୁଲ୍ୟ କେହି ନାହିଁ;
\q
\s5
\v 10 ଆମ୍ଭେ ଶେଷ ବିଷୟ ଆଦିଠାରୁ ପ୍ରକାଶ କରୁ, ପୁଣି ଯାହା ସାଧିତ ହୋଇ ନାହିଁ, ତାହା ପ୍ରାଚୀନ କାଳରୁ ଜଣାଉ,
\q ଆଉ କହୁ, “ଆମ୍ଭର ମନ୍ତ୍ରଣା ସ୍ଥିର ହେବ ଓ ଆମ୍ଭେ ଆପଣାର ସକଳ ମନସ୍କାମନା ସିଦ୍ଧ କରିବା,”
\q
\v 11 ଆମ୍ଭେ ପୂର୍ବ ଦିଗରୁ ଉତ୍କ୍ରୋଶ ପକ୍ଷୀକୁ, ଦୂର ଦେଶରୁ ଆମ୍ଭ ମନ୍ତ୍ରଣାର ମନୁଷ୍ୟକୁ ଆହ୍ୱାନ କରୁ;
\q ଆମ୍ଭେ କହିଅଛୁ, ଆଉ ଆମ୍ଭେ ତାହା ସିଦ୍ଧ କରିବା; ଆମ୍ଭେ କଳ୍ପନା କରିଅଛୁ, ଆଉ ଆମ୍ଭେ ତାହା ସଫଳ କରିବା।
\q
\s5
\v 12 ହେ ଧର୍ମରୁ ଦୂରବର୍ତ୍ତୀ କଠିନାନ୍ତଃକରଣ ଲୋକେ, ଆମ୍ଭର କଥା ଶୁଣ।
\q
\v 13 ଆମ୍ଭେ ଆପଣା ଧର୍ମ ନିକଟକୁ ଆଣୁଅଛୁ, ତାହା ଦୂରବର୍ତ୍ତୀ ହେବ ନାହିଁ ଓ ଆମ୍ଭ ପରିତ୍ରାଣର ବିଳମ୍ବ ହେବ ନାହିଁ;
\q ଆମ୍ଭର ଗୌରବ ସ୍ୱରୂପ ଇସ୍ରାଏଲର ନିମନ୍ତେ ଆମ୍ଭେ ସିୟୋନରେ ପରିତ୍ରାଣ ସ୍ଥାପନ କରିବା।
\s5
\c 47
\s ବାବିଲର ଲଜ୍ଜା
\p
\v 1 ଆଗୋ ବାବିଲର ଅନୂଢ଼ା କନ୍ୟେ, ତୁମ୍ଭେ ଓହ୍ଲାଇ ଧୂଳିରେ ବସ;
\q ଆଗୋ କଲ୍‍ଦୀୟର କନ୍ୟେ, ସିଂହାସନ ବିନା, ଭୂମିରେ ବସ;
\q କାରଣ ତୁମ୍ଭେ ଆଉ କୋମଳା ଓ ସୁକୁମାରୀ ବୋଲି ଖ୍ୟାତା ନ ହେବ।
\q
\v 2 ଚକି ନେଇ ଶସ୍ୟ ପେଷ, ତୁମ୍ଭର ଓଢ଼ଣି କାଢ଼,
\q ପୋଷାକ କାଢ଼ି ପକାଅ, ପାଦ ଅନାବୃତ କର, ନଦନଦୀରେ ଚାଲି କରି ଯାଅ।
\q
\s5
\v 3 ତୁମ୍ଭର ଉଲଙ୍ଗତା ପ୍ରକାଶିତ ହେବ, ହଁ, ତୁମ୍ଭର ଲଜ୍ଜାର ବିଷୟ
\f +
\fr 47:3
\fq ଲଜ୍ଜାର ବିଷୟ
\ft ଅର୍ଥାତ୍ ପ୍ରଜନନ ଅଙ୍ଗ
\f* ଦୃଶ୍ୟ ହେବ;
\q ଆମ୍ଭେ ପରିଶୋଧ ନେବା, ପୁଣି କାହାରି ଅନୁରୋଧ ମାନିବା ନାହିଁ।
\q
\v 4 ଆମ୍ଭମାନଙ୍କର ମୁକ୍ତିଦାତା ଇସ୍ରାଏଲର ଧର୍ମସ୍ୱରୂପ, ସୈନ୍ୟାଧିପତି ସଦାପ୍ରଭୁ, ତାହାଙ୍କର ନାମ।
\q
\v 5 ଆଗୋ କଲ୍‍ଦୀୟମାନଙ୍କର କନ୍ୟେ, ତୁମ୍ଭେ ଅନ୍ଧାରକୁ ଯାଇ ତୁନି ହୋଇ ବସ;
\q କାରଣ ରାଜ୍ୟ-ସମୂହର କର୍ତ୍ତୃତ୍ୱକାରିଣୀ ବୋଲି ତୁମ୍ଭେ ଆଉ ଖ୍ୟାତା ହେବ ନାହିଁ।
\q
\s5
\v 6 ଆମ୍ଭେ ଆପଣା ଲୋକମାନଙ୍କ ପ୍ରତି କ୍ରୁଦ୍ଧ ହୋଇ ଆପଣା ଅଧିକାର ଅପବିତ୍ର କଲୁ ଓ
\q ତୁମ୍ଭ ହସ୍ତରେ ସେମାନଙ୍କୁ ସମର୍ପଣ କଲୁ; ତୁମ୍ଭେ ସେମାନଙ୍କ ପ୍ରତି କିଛି ଦୟା ପ୍ରକାଶ କଲ ନାହିଁ;
\q ତୁମ୍ଭେ ବୃଦ୍ଧ ଲୋକ ଉପରେ ତୁମ୍ଭର ଯୁଆଳି ବଡ଼ ଭାରୀ କରି ଥୋଇଲ।
\q
\v 7 ପୁଣି, ତୁମ୍ଭେ କହିଲ, “ଆମ୍ଭେ ସଦାକାଳ କର୍ତ୍ତୃତ୍ୱକାରିଣୀ ହୋଇ ରହିବା;
\q ଏହେତୁ ତୁମ୍ଭେ ଏହି ସବୁ ବିଷୟରେ ମନୋଯୋଗ କଲ ନାହିଁ, କିଅବା ତହିଁର ଶେଷ ଫଳ ସ୍ମରଣ କଲ ନାହିଁ।”
\q
\s5
\v 8 ଏହେତୁ ଗୋ ସୁଖଭୋଗିନୀ, ଏବେ ଏହା ଶୁଣ,
\q ତୁମ୍ଭେ ନିର୍ଭୟରେ ବାସ କରି ମନେ ମନେ କହୁଅଛ, “ଆମ୍ଭେ ଅଛୁ, ଆମ୍ଭ ଛଡ଼ା ଆଉ କେହି ନାହିଁ;
\q ଆମ୍ଭେ ବିଧବା ପରି ବସିବା ନାହିଁ, କିଅବା ସନ୍ତାନ-ବିରହ ଜାଣିବା ନାହିଁ,”
\q
\v 9 ମାତ୍ର ସନ୍ତାନ-ବିରହ ଓ ବୈଧବ୍ୟ ଏ ଦୁଇ ଏକ ମୁହୂର୍ତ୍ତରେ, ଏକ ଦିନରେ ତୁମ୍ଭ ପ୍ରତି ଘଟିବ;
\q ତୁମ୍ଭର ଅପାର ଗଣକତା ଓ ଅତି ପ୍ରଚୁର ମାୟାବୀତ୍ୱ ଥିଲେ ହେଁ,
\q ସେ ଦୁଇ ସମ୍ପୂର୍ଣ୍ଣ ପରିମାଣରେ ତୁମ୍ଭ ପ୍ରତି ଘଟିବ।
\q
\s5
\v 10 କାରଣ ତୁମ୍ଭେ ଆପଣା ଦୁଷ୍ଟତାରେ ନିର୍ଭର ରଖିଅଛ; ତୁମ୍ଭେ କହିଅଛ, କେହି ଆମ୍ଭକୁ ଦେଖୁ ନାହିଁ,
\q ତୁମ୍ଭର ଜ୍ଞାନ ଓ ବିଦ୍ୟା ତୁମ୍ଭକୁ ବିପଥଗାମୀ କରିଅଛି;
\q ପୁଣି ତୁମ୍ଭେ ଆପଣା ମନେ ମନେ କହିଅଛ, ଆମ୍ଭେ ଅଛୁ, ଆମ୍ଭ ଛଡ଼ା ଆଉ କେହି ନାହିଁ;
\q
\v 11 ଏହେତୁ ତୁମ୍ଭ ପ୍ରତି ଦୁର୍ଦ୍ଦଶା ଘଟିବ, ତୁମ୍ଭେ ତହିଁର ଉଦୟ ଜାଣିବ ନାହିଁ;
\q ପୁଣି, ତୁମ୍ଭ ଉପରେ ବିପଦ ପଡ଼ିବ, ତୁମ୍ଭେ ତାହା ଦୂର କରି ପାରିବ ନାହିଁ;
\q ଆଉ, ଯାହା ତୁମ୍ଭେ ଜାଣୁ ନାହଁ, ଏପରି ବିନାଶ ହଠାତ୍‍ ତୁମ୍ଭ ଉପରେ ଘଟିବ।
\q
\s5
\v 12 ତୁମ୍ଭେ ବାଲ୍ୟ କାଳରୁ ଆପଣାର ଯେଉଁ ମାୟାବୀତ୍ୱ ଓ ଅପାର ଗଣକତାରେ ପରିଶ୍ରମ କରି ଆସିଅଛ, ଏବେ ତାହା ଅବଲମ୍ବନ କର।
\q କେଜାଣି ଅବା ତୁମ୍ଭେ ଉପକାର ପାଇ ପାରିବ, କେଜାଣି ଅବା ତୁମ୍ଭେ ଜୟଯୁକ୍ତ ହୋଇ ପାରିବ।
\q
\v 13 ତୁମ୍ଭେ ଆପଣାର ଅପାର ମନ୍ତ୍ରଣାରେ କ୍ଳାନ୍ତ ହୋଇଅଛ;
\q ଏବେ ଜ୍ୟୋତିଷମାନେ, ନକ୍ଷତ୍ରଦର୍ଶୀମାନେ, ମାସିକ ଶୁଭାଶୁଭବାଦୀମାନେ ଠିଆ ହେଉନ୍ତୁ ଓ
\q ତୁମ୍ଭ ପ୍ରତି ଯାହା ଯାହା ଘଟିବ, ତହିଁରୁ ତୁମ୍ଭକୁ ରକ୍ଷା କରନ୍ତୁ।
\q
\s5
\v 14 ଦେଖ, ସେମାନେ କୁଟା ପରି ହେବେ; ଅଗ୍ନି ସେମାନଙ୍କୁ ଦଗ୍ଧ କରିବ;
\q ସେମାନେ ଅଗ୍ନିଶିଖାର ବଳରୁ ଆପଣାମାନଙ୍କୁ ଉଦ୍ଧାର କରି ପାରିବେ ନାହିଁ।
\q ତାହା ଉଷ୍ଣ ହେବା ନିମନ୍ତେ ଜ୍ୱଳନ୍ତ ଅଙ୍ଗାର ଅବା ତହିଁ ସମ୍ମୁଖରେ ବସିବା ନିମନ୍ତେ ଅଗ୍ନି ସ୍ୱରୂପ ହେବ ନାହିଁ।
\q
\v 15 ଯେଉଁ ଯେଉଁ ବିଷୟରେ ତୁମ୍ଭେ ପରିଶ୍ରମ କରିଅଛ, ସେହି ସବୁ ତୁମ୍ଭ ପ୍ରତି ଏହିପରି ହେବ; ତୁମ୍ଭର ଯୌବନରୁ ଯେଉଁମାନେ ତୁମ୍ଭ ସହିତ ବାଣିଜ୍ୟ କରିଅଛନ୍ତି,
\q ସେମାନଙ୍କର ପ୍ରତ୍ୟେକେ ଏଣେତେଣେ ଭ୍ରମଣ କରି ଆପଣା ଆପଣା ସ୍ଥାନକୁ ଯିବେ, ତୁମ୍ଭକୁ ରକ୍ଷା କରିବାକୁ କେହି ରହିବେ ନାହିଁ।
\s5
\c 48
\s ଇସ୍ରାଏଲ ପରିଷ୍କୃତ
\p
\v 1 ହେ ଇସ୍ରାଏଲ ନାମରେ ଖ୍ୟାତ ଓ ଯିହୁଦାର ଜଳାଶୟରୁ ଉତ୍ପନ୍ନ ଯାକୁବ ବଂଶ, ତୁମ୍ଭେମାନେ ଏହି କଥା ଶୁଣ; ତୁମ୍ଭେମାନେ ସଦାପ୍ରଭୁଙ୍କ ନାମରେ ଶପଥ କରୁଅଛ ଓ ଇସ୍ରାଏଲର ପରମେଶ୍ୱରଙ୍କ ନାମ କୀର୍ତ୍ତନ କରୁଅଛ, ମାତ୍ର ସତ୍ୟରେ କିଅବା ଧାର୍ମିକତାରେ ନୁହେଁ।
\v 2 କାରଣ ସେମାନେ ଆପଣାମାନଙ୍କୁ ପବିତ୍ର ନଗରର ଲୋକ ବୋଲି ଖ୍ୟାତ କରନ୍ତି ଓ ଇସ୍ରାଏଲର ପରମେଶ୍ୱରଙ୍କ ଉପରେ ନିର୍ଭର ରଖନ୍ତି; ତାହାଙ୍କର ନାମ ସୈନ୍ୟାଧିପତି ସଦାପ୍ରଭୁ।
\s5
\v 3 ଆମ୍ଭେ ପୂର୍ବ କାଳର କଥା ପ୍ରାଚୀନ କାଳରୁ ପ୍ରକାଶ କରିଅଛୁ; ହଁ, ତାହା ଆମ୍ଭ ମୁଖରୁ ନିର୍ଗତ ହେଲା ଓ ତାହା ଆମ୍ଭେ ପ୍ରକାଶ କଲୁ; ଆମ୍ଭେ ତାହା କଲୁ ଓ ଅକସ୍ମାତ୍‍ ସେହି ସବୁ ଘଟିଲା।
\v 4 ତୁମ୍ଭେ ଅବାଧ୍ୟ, ତୁମ୍ଭର ଗ୍ରୀବା ଲୌହନଳୀ ଓ ତୁମ୍ଭର କପାଳ ପିତ୍ତଳ ସ୍ୱରୂପ ବୋଲି ଆମ୍ଭେ ଜାଣିଲୁ।
\v 5 ଏଥିପାଇଁ ଆମ୍ଭେ ପ୍ରାଚୀନକାଳରୁ ତୁମ୍ଭ ପ୍ରତି ତାହା ପ୍ରକାଶ କଲୁ; ତାହା ଘଟିବା ପୂର୍ବେ ତୁମ୍ଭକୁ ଜଣାଇଲୁ; ନୋହିଲେ ଅବା ତୁମ୍ଭେ କୁହନ୍ତ, “ଆମ୍ଭର ଦେବତା ଏହା କରିଅଛି,” “ଆମ୍ଭର ଖୋଦିତ ଓ ଛାଞ୍ଚରେ ଢଳା ପ୍ରତିମା ଏହା ଆଜ୍ଞା କରିଅଛି।”
\s5
\v 6 ତୁମ୍ଭେ ଶୁଣିଅଛ; ଏହିସବୁ ଦେଖ ଓ ତୁମ୍ଭେମାନେ କି ତାହା ପ୍ରକାଶ କରିବ ନାହିଁ ? ଏହି ସମୟଠାରୁ ଆମ୍ଭେ ତୁମ୍ଭକୁ ନୂତନ ବିଷୟ, ଅର୍ଥାତ୍‍, ତୁମ୍ଭର ଅଜ୍ଞାତ ନିଗୂଢ଼ ବିଷୟ ଦେଖାଇ ଅଛୁ।
\v 7 ସେହି ସବୁ ପୂର୍ବ କାଳରୁ ନୁହେଁ, ମାତ୍ର ଏବେ ସୃଷ୍ଟ ହେଲା; ଆଜି ଦିନର ପୂର୍ବେ ତୁମ୍ଭେ ତାହା ଶୁଣିଲ ନାହିଁ; ନୋହିଲେ ଅବା ଦେଖ, “ଆମ୍ଭେ ସେହି ସବୁ ଜାଣିଲୁ ବୋଲି ତୁମ୍ଭେ କୁହନ୍ତ।”
\s5
\v 8 ବାସ୍ତବିକ, ତୁମ୍ଭେ ଶୁଣିଲ ନାହିଁ; ତୁମ୍ଭେ ଜାଣିଲ ନାହିଁ; ପୂର୍ବରୁ ତୁମ୍ଭର କର୍ଣ୍ଣ ମୁକ୍ତ ହୋଇ ନ ଥିଲା; କାରଣ ତୁମ୍ଭେ ଯେ ଭାରୀ ବିଶ୍ୱାସଘାତକତା କଲ ଓ ଗର୍ଭରୁ ଅଧର୍ମାଚାରୀ ବୋଲି ବିଖ୍ୟାତ ହୋଇଥିଲ, ଏହା ଆମ୍ଭେ ଜାଣିଲୁ।
\s5
\v 9 ଆମ୍ଭେ ଯେପରି ତୁମ୍ଭକୁ ଉଚ୍ଛିନ୍ନ ନ କରୁ, ଏଥିପାଇଁ ଆମ୍ଭେ ଆପଣା ନାମ ସକାଶୁ ଆପଣା କ୍ରୋଧ ସମ୍ବରଣ କରିବା ଓ ଆପଣା ପ୍ରଶଂସା ପାଇଁ ତୁମ୍ଭ ପ୍ରତି କ୍ଷାନ୍ତ ହେବା।
\v 10 ଦେଖ, ଆମ୍ଭେ ତୁମ୍ଭକୁ ପରିଷ୍କାର କରିଅଛୁ, ମାତ୍ର ରୂପା ପରି ନୁହେଁ; ଆମ୍ଭେ ଦୁଃଖରୂପ ଉହ୍ମାଇରେ ତୁମ୍ଭକୁ ମନୋନୀତ କରିଅଛୁ।
\v 11 ଆମ୍ଭେ ଆପଣା ସକାଶୁ, କେବଳ ଆପଣା ସକାଶୁ ତାହା କରିବା; କାରଣ ଆମ୍ଭର ନାମ କାହିଁକି ଅପବିତ୍ରୀକୃତ ହେବ ? ପୁଣି, ଆମ୍ଭେ ଆପଣା ଗୌରବ ଅନ୍ୟକୁ ଦେବା ନାହିଁ।
\s ଇସ୍ରାଏଲ ପ୍ରତି ଈଶ୍ୱରଙ୍କ ଆହ୍ୱାନ
\p
\s5
\v 12 ହେ ଯାକୁବ, ହେ ଆମ୍ଭର ଆହୂତ ଇସ୍ରାଏଲ, ଆମ୍ଭ ବାକ୍ୟରେ ମନୋଯୋଗ କର; ଆମ୍ଭେ ସେହି ଅଟୁ; ଆମ୍ଭେ ଆଦି, ଆମ୍ଭେ ହିଁ ଅନ୍ତ।
\v 13 ଆହୁରି, ଆମ୍ଭର ହସ୍ତ ପୃଥିବୀର ଭିତ୍ତିମୂଳ ସ୍ଥାପନ କରିଅଛି ଓ ଆମ୍ଭର ଡାହାଣ ହସ୍ତ ଗଗନମଣ୍ଡଳ ବିସ୍ତାର କରିଅଛି; ଆମ୍ଭେ ସେମାନଙ୍କୁ ଡାକିଲେ, ସେମାନେ ଏକତ୍ର ଛିଡ଼ା ହୁଅନ୍ତି।
\s5
\v 14 ତୁମ୍ଭେ ସମସ୍ତେ ଏକତ୍ର ହୋଇ ଶୁଣ; ସେମାନଙ୍କ ମଧ୍ୟରେ କିଏ ଏହିସବୁ ପ୍ରକାଶ କରିଅଛି ? ସଦାପ୍ରଭୁ ତାହାକୁ ପ୍ରେମ କରିଅଛନ୍ତି; ସେ ବାବିଲ ଉପରେ ତାହାଙ୍କର ମନସ୍କାମନା ସିଦ୍ଧ କରିବ ଓ କଲ୍‍ଦୀୟମାନଙ୍କ ଉପରେ ତାହାଙ୍କର ବାହୁ ରହିବ।
\v 15 ଆମ୍ଭେ, ଆମ୍ଭେ ହିଁ ବାକ୍ୟ କହିଅଛୁ; ହଁ, ଆମ୍ଭେ ତାହାକୁ ଆହ୍ୱାନ କରିଅଛୁ; ଆମ୍ଭେ ତାହାକୁ ଆଣିଅଛୁ, ଆଉ ସେ ଆପଣା ପଥରେ କୃତକାର୍ଯ୍ୟ ହେବ।
\s5
\v 16 ତୁମ୍ଭେମାନେ ଆମ୍ଭ ନିକଟକୁ ଆସି ଏହି କଥା ଶୁଣ; ଆମ୍ଭେ ପ୍ରଥମରୁ ଗୋପନରେ କହି ନାହୁଁ; ତାହା ହେଉଥିବା ସମୟରୁ ଆମ୍ଭେ ସେଠାରେ ଅଛୁ; ପୁଣି, ଏବେ ପ୍ରଭୁ, ସଦାପ୍ରଭୁ ମୋତେ ଓ ତାହାଙ୍କ ଆତ୍ମାକୁ ପ୍ରେରଣ କରିଅଛନ୍ତି।
\s ତାଙ୍କ ଲୋକମାନଙ୍କ ପାଇଁ ସଦାପ୍ରଭୁଙ୍କ ଯୋଜନା
\p
\s5
\v 17 ସଦାପ୍ରଭୁ ତୁମ୍ଭର ମୁକ୍ତିଦାତା, ଇସ୍ରାଏଲର ଧର୍ମସ୍ୱରୂପ, ଏହି କଥା କହନ୍ତି; “ଆମ୍ଭେ ସଦାପ୍ରଭୁ, ତୁମ୍ଭ ପରମେଶ୍ୱର, ତୁମ୍ଭକୁ ଉପକାରଜନକ ଶିକ୍ଷା ଦେଉ, ତୁମ୍ଭର ଗନ୍ତବ୍ୟ ପଥରେ ତୁମ୍ଭକୁ ଗମନ କରାଉ।
\v 18 ଆଃ, ତୁମ୍ଭେ ଯଦି ଆମ୍ଭ ଆଜ୍ଞାରେ ମନୋଯୋଗ କରିଥା’ନ୍ତ ! ତେବେ ତୁମ୍ଭର ଶାନ୍ତି ନଦୀ ତୁଲ୍ୟ ଓ ତୁମ୍ଭର ଧାର୍ମିକତା ସମୁଦ୍ରର ତରଙ୍ଗ ତୁଲ୍ୟ ହୋଇଥା’ନ୍ତା;
\s5
\v 19 ତୁମ୍ଭର ବଂଶ ମଧ୍ୟ ବାଲୁକା ତୁଲ୍ୟ ଓ ତୁମ୍ଭର ଔରସଜାତ ସନ୍ତାନଗଣ ତହିଁର କଣିକାସମୂହର ତୁଲ୍ୟ ହୋଇଥା’ନ୍ତେ; ତାହାର ନାମ ଆମ୍ଭ ସମ୍ମୁଖରୁ ଉଚ୍ଛିନ୍ନ କିଅବା ବିନଷ୍ଟ ହୋଇ ନ ଥା’ନ୍ତା।
\s5
\v 20 ତୁମ୍ଭେମାନେ ବାବିଲରୁ ବାହାରି ଯାଅ, କଲ୍‍ଦୀୟମାନଙ୍କ ମଧ୍ୟରୁ ପଳାଅ; ତୁମ୍ଭେମାନେ ଗାୟନ ଧ୍ୱନିରେ ପ୍ରଚାର କରି ଜଣାଅ, ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ ଏହା ପ୍ରକାଶ କର; ତୁମ୍ଭେମାନେ କୁହ, ସଦାପ୍ରଭୁ ଆପଣା ଦାସ ଯାକୁବକୁ ମୁକ୍ତ କରିଅଛନ୍ତି।”
\s5
\v 21 ପୁଣି, ସେ ମରୁଭୂମି ଦେଇ ସେମାନଙ୍କୁ ଗମନ କରାଇବା ବେଳେ ସେମାନେ ତୃଷାର୍ତ୍ତ ନୋହିଲେ, ସେ ସେମାନଙ୍କ ନିମନ୍ତେ ଶୈଳରୁ ଜଳସ୍ରୋତ ବୁହାଇଲେ, ଆହୁରି ସେ ଶୈଳକୁ ବିଦୀର୍ଣ୍ଣ କଲେ, ପୁଣି ତହିଁରୁ ଜଳ ନିର୍ଗତ ହେଲା।
\v 22 ସଦାପ୍ରଭୁ କହନ୍ତି, “ଦୁଷ୍ଟ ଲୋକମାନଙ୍କର କିଛି ଶାନ୍ତି ନାହିଁ।”
\s5
\c 49
\s ସଦାପ୍ରଭୁଙ୍କ ଦାସ
\p
\v 1 ହେ ଦ୍ୱୀପସମୂହ, ମୋ’ କଥା ଶୁଣ; ହେ ଦୂରସ୍ଥ ଗୋଷ୍ଠୀସମୂହ, ମନୋଯୋଗ କର; ମୁଁ ଗର୍ଭସ୍ଥ ହେବା ସମୟଠାରୁ ସଦାପ୍ରଭୁ ମୋତେ ଆହ୍ୱାନ କରିଅଛନ୍ତି; ମୁଁ ମାତାଙ୍କ ଉଦରରୁ ଭୂମିଷ୍ଠ ହେବା ସମୟଠାରୁ ସେ ମୋହର ନାମ ଉଲ୍ଲେଖ କରିଅଛନ୍ତି;
\v 2 ପୁଣି, ସେ ମୋର ମୁଖ ତୀକ୍ଷ୍ଣ ଖଡ୍ଗ ସ୍ୱରୂପ କରିଅଛନ୍ତି, ଆପଣା ହସ୍ତର ଛାୟାରେ ସେ ମୋତେ ଲୁଚାଇଅଛନ୍ତି ଓ ସେ ମୋତେ ଶାଣିତ ତୀର ସ୍ୱରୂପ କରି ଆପଣା ତୂଣରେ ଘୋଡ଼ାଇ ରଖିଅଛନ୍ତି;
\s5
\v 3 ପୁଣି, ସେ ମୋତେ କହିଲେ, “ତୁମ୍ଭେ ଆମ୍ଭର ଦାସ; ତୁମ୍ଭେ ଇସ୍ରାଏଲ, ତୁମ୍ଭ ଦ୍ୱାରା ଆମ୍ଭେ ମହିମାନ୍ୱିତ ହେବା।”
\v 4 ମାତ୍ର ମୁଁ କହିଲି, ମୁଁ ବ୍ୟର୍ଥରେ ପରିଶ୍ରମ କରିଅଛି, ମୁଁ ନିରର୍ଥକ ଓ ଅସାରତାରେ ମୋହର ଶକ୍ତି ବ୍ୟୟ କରିଅଛି; ତଥାପି ନିଶ୍ଚୟ ମୋହର ବିଚାର ସଦାପ୍ରଭୁଙ୍କ ନିକଟରେ ଓ ମୋହର କର୍ମର ଫଳ ମୋହର ପରମେଶ୍ୱରଙ୍କଠାରେ ଅଛି।
\s5
\v 5 ପୁଣି, ମୋତେ ତାହାଙ୍କର ସେବକ ହେବା ପାଇଁ ଓ ଯାକୁବକୁ ତାହାଙ୍କ ନିକଟକୁ ଆଣିବା ପାଇଁ ଓ ଇସ୍ରାଏଲ ତାହାଙ୍କ ନିକଟରେ ସଂଗୃହୀତ ହେବା ପାଇଁ ଯେ ମୋତେ ଗର୍ଭରୁ ନିର୍ମାଣ କଲେ, ସେହି ସଦାପ୍ରଭୁ ଏବେ କହନ୍ତି; (କାରଣ ମୁଁ ସଦାପ୍ରଭୁଙ୍କ ଦୃଷ୍ଟିରେ ଆଦରଣୀୟ ଅଟେ ଓ ମୋହର ପରମେଶ୍ୱର ମୋହର ବଳ ସ୍ୱରୂପ ହୋଇଅଛନ୍ତି;)
\v 6 ଏଣୁ ସେ କହନ୍ତି, “ତୁମ୍ଭେ ଯେ ଯାକୁବର ଗୋଷ୍ଠୀବର୍ଗକୁ ଉତ୍‍ଥାପନ କରିବା ପାଇଁ ଓ ଇସ୍ରାଏଲର ରକ୍ଷିତ ଲୋକମାନଙ୍କୁ ପୁନର୍ବାର ଆଣିବା ପାଇଁ ଆମ୍ଭର ସେବକ ହେବ, ଏହା ଅତି କ୍ଷୁଦ୍ର ବିଷୟ; ତୁମ୍ଭେ ପୃଥିବୀର ସୀମା ପର୍ଯ୍ୟନ୍ତ ଯେପରି ଆମ୍ଭର କୃତ ପରିତ୍ରାଣ ସ୍ୱରୂପ ହେବ, ଏଥିପାଇଁ ଆମ୍ଭେ ତୁମ୍ଭକୁ ଅନ୍ୟ ଦେଶୀୟମାନଙ୍କର ଦୀପ୍ତି ସ୍ୱରୂପ ମଧ୍ୟ କରିବା।”
\s5
\v 7 ଯାହାକୁ ମନୁଷ୍ୟ ଅବଜ୍ଞା କରେ, ଯାହାକୁ ଦେଶୀୟ ଲୋକମାନେ ଘୃଣା କରନ୍ତି, ଯେ ଶାସନକର୍ତ୍ତାମାନଙ୍କର ଦାସ, ତାହାକୁ ଇସ୍ରାଏଲର ମୁକ୍ତିଦାତା ଓ ତାହାର ଧର୍ମସ୍ୱରୂପ ସଦାପ୍ରଭୁ ଏହି କଥା କହନ୍ତି, “ବିଶ୍ୱାସନୀୟ ଓ ଇସ୍ରାଏଲର ଧର୍ମସ୍ୱରୂପ ଯେଉଁ ସଦାପ୍ରଭୁ ତୁମ୍ଭକୁ ମନୋନୀତ କରିଅଛନ୍ତି, ତାହାଙ୍କ ସକାଶୁ ରାଜାମାନେ ତୁମ୍ଭକୁ ଦେଖିଲେ ଉଠିବେ; ଅଧିପତିମାନେ ତୁମ୍ଭକୁ ପ୍ରଣାମ କରିବେ।”
\s ଇସ୍ରାଏଲର ପୁନଃସ୍ଥାପନ
\p
\s5
\v 8 ସଦାପ୍ରଭୁ ଏହି କଥା କହନ୍ତି, “ଆମ୍ଭେ ଗ୍ରାହ୍ୟ ସମୟରେ ତୁମ୍ଭକୁ ଉତ୍ତର ଦେଇଅଛୁ ଓ ପରିତ୍ରାଣ ଦିନରେ ଆମ୍ଭେ ତୁମ୍ଭର ସାହାଯ୍ୟ କରିଅଛୁ; ପୁଣି, ଆମ୍ଭେ ତୁମ୍ଭକୁ ରକ୍ଷା କରିବା ଓ ଦେଶର ଉନ୍ନତି ସାଧନ ନିମନ୍ତେ, ଲୋକମାନଙ୍କୁ ସେମାନଙ୍କର ଧ୍ୱଂସିତ ଉତ୍ତରାଧିକାର ଭୋଗ କରାଇବା ନିମନ୍ତେ ଆମ୍ଭେ ତୁମ୍ଭକୁ ଲୋକମାନଙ୍କର ନିୟମ ସ୍ୱରୂପ ନିଯୁକ୍ତ କରିବା;
\s5
\v 9 ତୁମ୍ଭେ ବନ୍ଦୀଗଣକୁ ବାହାରି ଯାଅ ବୋଲି, ଅନ୍ଧକାରସ୍ଥିତ ଲୋକମାନଙ୍କୁ ଆପଣାମାନଙ୍କୁ ଦେଖାଅ ବୋଲି କହିବ। ସେମାନେ ପଥରେ ଚରିବେ ଓ ବୃକ୍ଷଶୂନ୍ୟ ଉଚ୍ଚସ୍ଥଳୀସକଳ ସେମାନଙ୍କର ଚରାସ୍ଥାନ ହେବ।
\s5
\v 10 ସେମାନେ କ୍ଷୁଧାର୍ତ୍ତ କି ତୃଷାର୍ତ୍ତ ହେବେ ନାହିଁ; କିଅବା ଗ୍ରୀଷ୍ମ ଅଥବା ସୂର୍ଯ୍ୟତାପ ସେମାନଙ୍କୁ କାଟିବ ନାହିଁ; କାରଣ ଯେ ସେମାନଙ୍କୁ ଦୟା କରନ୍ତି, ସେ ସେମାନଙ୍କୁ ଚଳାଇବେ, ଜଳ ନିର୍ଝର ନିକଟ ଦେଇ ସେ ସେମାନଙ୍କୁ କଢ଼ାଇ ନେବେ।
\v 11 ପୁଣି, ଆମ୍ଭେ ଆପଣାର ପର୍ବତସବୁକୁ ଏକ ପଥ କରିବା ଓ ଆମ୍ଭର ରାଜପଥ ସକଳ ଉଚ୍ଚ କରାଯିବ।
\s5
\v 12 ଦେଖ, ଏମାନେ ଦୂରରୁ ଆସିବେ; ଆଉ ଦେଖ, ଏମାନେ ଉତ୍ତର ଓ ପଶ୍ଚିମ ଦିଗରୁ ଆସିବେ; ପୁଣି, ଏମାନେ ସୀନୀମ୍‍ ଦେଶରୁ ଆସିବେ।
\v 13 ହେ ଆକାଶମଣ୍ଡଳ, ଗାନ କର; ହେ ପୃଥିବୀ, ଉଲ୍ଲସିତ ହୁଅ; ହେ ପର୍ବତମାଳ, ଉଚ୍ଚସ୍ୱରେ ଗାନ କର; କାରଣ ସଦାପ୍ରଭୁ ଆପଣା ଲୋକମାନଙ୍କୁ ସାନ୍ତ୍ୱନା କରିଅଛନ୍ତି ଓ ଆପଣାର କ୍ଳିଷ୍ଟ ଲୋକମାନଙ୍କୁ କରୁଣା କରିବେ।
\s5
\v 14 ମାତ୍ର ସିୟୋନ କହିଲା, ସଦାପ୍ରଭୁ ମୋତେ ତ୍ୟାଗ କରିଅଛନ୍ତି, ପ୍ରଭୁ ମୋତେ ପାସୋରି ଅଛନ୍ତି।”
\v 15 ସ୍ତ୍ରୀଲୋକ ଆପଣା ଗର୍ଭଜାତ ପୁତ୍ରକୁ ସ୍ନେହ ନ କରି କି ଆପଣା ସ୍ତନ୍ୟପାୟୀ ଶିଶୁକୁ ପାସୋରି ପାରିବ ? ହଁ, ଏମାନେ ପାସୋରି ପାରନ୍ତି, ତଥାପି ଆମ୍ଭେ ତୁମ୍ଭକୁ ପାସୋରିବା ନାହିଁ।
\s5
\v 16 ଦେଖ, ଆମ୍ଭେ ଆପଣା ହସ୍ତଦ୍ୱୟର ପାପୁଲିରେ ତୁମ୍ଭର ଆକୃତି ଲେଖିଅଛୁ; ତୁମ୍ଭର ପ୍ରାଚୀର ସର୍ବଦା ଆମ୍ଭ ସମ୍ମୁଖରେ ଅଛି।
\v 17 ତୁମ୍ଭର ସନ୍ତାନମାନେ ଶୀଘ୍ର ଆସୁଅଛନ୍ତି, ତୁମ୍ଭର ଉତ୍ପାଟନକାରୀମାନେ ଓ ଯେଉଁମାନେ ତୁମ୍ଭକୁ ଉତ୍ସନ୍ନ କଲେ, ସେମାନେ ତୁମ୍ଭ ମଧ୍ୟରୁ ବାହାରି ଯିବେ।
\v 18 ତୁମ୍ଭେ ଚକ୍ଷୁ ମେଲାଇ ଚତୁର୍ଦ୍ଦିଗ ଦେଖ; ଏସମସ୍ତେ ଏକତ୍ରିତ ହୋଇ ତୁମ୍ଭ ନିକଟକୁ ଆସୁଅଛନ୍ତି। ସଦାପ୍ରଭୁ କହନ୍ତି, “ଆମ୍ଭେ ଜୀବିତ ଥିବା ପ୍ରମାଣେ ତୁମ୍ଭେ ଭୂଷଣ ତୁଲ୍ୟ ଏହି ସମସ୍ତଙ୍କୁ ପରିଧାନ କରିବ, ପୁଣି କନ୍ୟାର କଟିଭୂଷଣ ତୁଲ୍ୟ ସେମାନଙ୍କୁ ଧାରଣ କରିବ।
\s5
\v 19 କାରଣ ନିଶ୍ଚୟ ଏବେ ତୁମ୍ଭେ, ତୁମ୍ଭ ଉତ୍ସନ୍ନ ଓ ଶୂନ୍ୟ ସ୍ଥାନସକଳ ଓ ତୁମ୍ଭର ନଷ୍ଟ ଦେଶ, ନିବାସୀଗଣ ନିମନ୍ତେ ସଂକୀର୍ଣ୍ଣ ହେବ ଓ ତୁମ୍ଭର ଗ୍ରାସକାରୀମାନେ ଦୂରରେ ରହିବେ।
\v 20 ତୁମ୍ଭର ଅପହୃତ ସନ୍ତାନଗଣ ପୁନର୍ବାର ତୁମ୍ଭ କର୍ଣ୍ଣଗୋଚରରେ କହିବେ, ମୋ’ ପାଇଁ ଏହି ସ୍ଥାନ ଅତି ସଂକୀର୍ଣ୍ଣ; ମୋତେ ସ୍ଥାନ ଦିଅ, ମୁଁ ବାସ କରିବି।
\s5
\v 21 ସେତେବେଳେ ତୁମ୍ଭେ ମନେ ମନେ କହିବ, ମୋର ସନ୍ତାନଗଣ ଅପହୃତ ହୋଇଅଛନ୍ତି, ମୁଁ ଏକାକିନୀ, ନିର୍ବାସିତା ହୋଇ ଏଣେତେଣେ ଭ୍ରମଣ କରୁଅଛି, ମୋହର ଏହି ସମସ୍ତଙ୍କୁ କିଏ ଜନ୍ମ ଦେଇଅଛି ? ଓ ଏମାନଙ୍କୁ କିଏ ପ୍ରତିପାଳନ କରିଅଛି ? ଦେଖ, ମୁଁ ଏକାକିନୀ ଅବଶିଷ୍ଟା ଥିଲି; ଏମାନେ କେଉଁଠାରେ ଥିଲେ ?”
\s5
\v 22 ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ଅନ୍ୟ ଦେଶୀୟମାନଙ୍କ ପ୍ରତି ଆପଣା ହସ୍ତ ଉଠାଇବା ଓ ଗୋଷ୍ଠୀସମୂହର ପ୍ରତି ଆପଣା ଧ୍ୱଜା ଟେକିବା; ତହିଁରେ ସେମାନେ ତୁମ୍ଭ ପୁତ୍ରଗଣକୁ କୋଳରେ ଆଣିବେ ଓ ତୁମ୍ଭର କନ୍ୟାଗଣ ସେମାନଙ୍କ ସ୍କନ୍ଧରେ ବୁହାଯିବେ।
\s5
\v 23 ପୁଣି, ରାଜାଗଣ ତୁମ୍ଭର ପାଳନକାରୀ ପିତା ଓ ସେମାନଙ୍କର ରାଣୀମାନେ ତୁମ୍ଭର ପାଳନକାରିଣୀ ମାତା ହେବେ; ସେମାନେ ଭୂମିକୁ ମୁଖ କରି ତୁମ୍ଭକୁ ପ୍ରଣାମ କରିବେ ଓ ତୁମ୍ଭ ପାଦର ଧୂଳି ଚାଟିବେ; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଓ ଆମ୍ଭର ଅପେକ୍ଷାକାରୀମାନେ ଯେ ଲଜ୍ଜିତ ହେବେ ନାହିଁ, ଏହା ତୁମ୍ଭେ ଜାଣିବ।
\s5
\v 24 ବୀରଠାରୁ କି ଲୁଟିତ ଦ୍ରବ୍ୟ ହରଣ କରାଯିବ, ଅବା ନ୍ୟାୟରେ ବନ୍ଦୀକୃତ ଲୋକମାନେ କି ମୁକ୍ତ କରାଯିବେ ?
\v 25 ମାତ୍ର ସଦାପ୍ରଭୁ ଏହି କଥା କହନ୍ତି, “ବୀରର ବନ୍ଦୀକୃତ ଲୋକମାନେ ହିଁ ଅପହୃତ ହେବେ ଓ ଭୟଙ୍କର ଲୋକର ଲୁଟିତ ଦ୍ରବ୍ୟ ମୁକୁଳା ଯିବ; କାରଣ ତୁମ୍ଭ ବିରୋଧକାରୀର ସଙ୍ଗେ ଆମ୍ଭେ ବିରୋଧ କରିବା ଓ ତୁମ୍ଭ ସନ୍ତାନଗଣକୁ ଆମ୍ଭେ ରକ୍ଷା କରିବା।
\s5
\v 26 ପୁଣି, ଆମ୍ଭେ ତୁମ୍ଭର ଉପଦ୍ରବକାରୀମାନଙ୍କୁ ସେମାନଙ୍କର ନିଜ ମାଂସ ଭୋଜନ କରାଇବା ଓ ମିଷ୍ଟ ଦ୍ରାକ୍ଷାରସରେ ମତ୍ତ ହେବା ତୁଲ୍ୟ ସେମାନେ ନିଜ ରକ୍ତରେ ମତ୍ତ ହେବେ; ତହିଁରେ ଆମ୍ଭେ ଯେ ସଦାପ୍ରଭୁ, ତୁମ୍ଭର ତ୍ରାଣକର୍ତ୍ତା ଓ ତୁମ୍ଭର ମୁକ୍ତିଦାତା, ଯାକୁବର ବଳଦାତା, ଏହା ସର୍ବ ପ୍ରାଣୀ ଜାଣିବେ।”
\s5
\c 50
\s ଇସ୍ରାଏଲର ପାପ ଏବଂ ସଦାପ୍ରଭୁଙ୍କ ଆଜ୍ଞାବହ ଦାସ
\p
\v 1 ସଦାପ୍ରଭୁ ଏହି କଥା କହନ୍ତି, “ଆମ୍ଭେ ଯେଉଁ ପତ୍ର ଦ୍ୱାରା ତୁମ୍ଭମାନଙ୍କ ମାତାକୁ ତ୍ୟାଗ କରିଅଛୁ, ତାହାର ସେହି ଛାଡ଼ପତ୍ର କାହିଁ ? ଅଥବା ଆମ୍ଭ ବ୍ୟବସାୟୀମାନଙ୍କ ମଧ୍ୟରୁ କାହା ନିକଟରେ ତୁମ୍ଭମାନଙ୍କୁ ବିକ୍ରୟ କରିଅଛୁ ? ଦେଖ, ତୁମ୍ଭେମାନେ ନିଜ ଅପରାଧ ସକାଶୁ ବିକ୍ରୀତ ହୋଇଥିଲ ଓ ତୁମ୍ଭମାନଙ୍କ ଅଧର୍ମ ସକାଶୁ ତୁମ୍ଭମାନଙ୍କର ମାତା ତ୍ୟକ୍ତା ହୋଇଥିଲା।
\s5
\v 2 ଆମ୍ଭେ ଯେତେବେଳେ ଆସିଲୁ କାହିଁକି କେହି ଉପସ୍ଥିତ ନ ଥିଲା ? ଆମ୍ଭେ ଯେତେବେଳେ ଡାକିଲୁ କାହିଁକି କେହି ଉତ୍ତର ଦେବାକୁ ନ ଥିଲା ? ଆମ୍ଭର ହସ୍ତ କି କିଛି ଛୋଟ ହୋଇଅଛି ଯେ, ତାହା ମୁକ୍ତ କରି ନ ପାରେ ? କିଅବା ଉଦ୍ଧାର କରିବା ପାଇଁ କି ଆମ୍ଭର ପରାକ୍ରମ ନାହିଁ ? ଦେଖ, ଆମ୍ଭେ ଧମକରେ ସମୁଦ୍ରକୁ ଶୁଷ୍କ କରୁ, ଆମ୍ଭେ ନଦନଦୀକୁ ପ୍ରାନ୍ତର କରୁ; ସେଠାସ୍ଥିତ ମତ୍ସ୍ୟ ଜଳ ଅଭାବରେ ତୃଷାର୍ତ୍ତ ହୋଇ ମରିଯାଇ ଦୁର୍ଗନ୍ଧ ହୁଏ।
\v 3 ଆମ୍ଭେ ଆକାଶମଣ୍ଡଳକୁ କାଳିମା ପିନ୍ଧାଉ ଓ ଚଟବସ୍ତ୍ରକୁ ସେହି ସବୁର ଆଚ୍ଛାଦନ କରୁ।”
\s5
\v 4 ମୁଁ ଯେପରି କ୍ଳାନ୍ତ ଲୋକକୁ ବାକ୍ୟ ଦ୍ୱାରା ସୁସ୍ଥିର କରି ପାରିବି, ଏଥିପାଇଁ ପ୍ରଭୁ, ସଦାପ୍ରଭୁ ମୋତେ ଶିକ୍ଷିତ ଲୋକମାନଙ୍କର ଜିହ୍ୱା ଦେଇଅଛନ୍ତି; ସେ ପ୍ରତି ପ୍ରଭାତ ଜାଗ୍ରତ କରାନ୍ତି, ଶିକ୍ଷିତ ଲୋକ ପରି ଶୁଣିବା ପାଇଁ ସେ ମୋହର କର୍ଣ୍ଣକୁ ଜାଗ୍ରତ କରାନ୍ତି।
\s5
\v 5 ପ୍ରଭୁ, ସଦାପ୍ରଭୁ ମୋହର କର୍ଣ୍ଣ ଫିଟାଇ ଅଛନ୍ତି, ପୁଣି ମୁଁ ବିରୁଦ୍ଧାଚାରୀ ହୋଇ ନାହିଁ, କିଅବା ପଛକୁ ଫେରି ନାହିଁ।
\v 6 ମୁଁ ପ୍ରହାରକ ପ୍ରତି ଆପଣା ପିଠି, ଦାଢ଼ି ଉପାଡ଼ିବା ଲୋକମାନଙ୍କ ପ୍ରତି ଆପଣା ଗାଲ ପାତି ଦେଲି; ମୁଁ ଅପମାନ ଓ ଛେପ ପକାଇବାରୁ ମୋହର ମୁଖ ଲୁଚାଇ ନାହିଁ।
\s5
\v 7 କାରଣ ପ୍ରଭୁ, ସଦାପ୍ରଭୁ ମୋହର ସାହାଯ୍ୟ କରିବେ; ଏଥିପାଇଁ ମୁଁ ବିବ୍ରତ ହୋଇ ନାହିଁ; ଏଥିପାଇଁ ମୁଁ ଚକ୍‍ମକି ପଥର ପରି ଆପଣା ମୁଖ ରଖିଅଛି, ଆଉ ମୁଁ ଯେ ଲଜ୍ଜିତ ନୋହିବି, ଏହା ଜାଣେ।
\s5
\v 8 ଯେ ମୋତେ ଧାର୍ମିକ କରନ୍ତି, ସେ ନିକଟବର୍ତ୍ତୀ; କିଏ ମୋ’ ସଙ୍ଗରେ ବିରୋଧ କରିବ ? ଆସ, ଆମ୍ଭେମାନେ ଏକତ୍ର ଠିଆ ହେଉ; ମୋହର ବିପକ୍ଷ କିଏ ? ସେ ମୋହର ନିକଟକୁ ଆସୁ।
\v 9 ଦେଖ, ପ୍ରଭୁ, ସଦାପ୍ରଭୁ ମୋହର ସାହାଯ୍ୟ କରିବେ; ମୋତେ ଦୋଷୀ କରିବ କିଏ ? ଦେଖ, ସେମାନେ ସମସ୍ତେ ବସ୍ତ୍ର ପରି ପୁରୁଣା ହେବେ; କୀଟ ସେମାନଙ୍କୁ ଗ୍ରାସ କରିବ।
\s5
\v 10 ଯେ ସଦାପ୍ରଭୁଙ୍କୁ ଭୟ କରେ ଓ ତାହାଙ୍କ ସେବକର ବାକ୍ୟ ପାଳନ କରେ, ତୁମ୍ଭମାନଙ୍କ ମଧ୍ୟରେ ଏପରି କିଏ ଅଛି ? ଯେଉଁ ଲୋକ ଅନ୍ଧକାରରେ ଗମନ କରେ ଓ ଦୀପ୍ତିପ୍ରାପ୍ତ ନ ହୁଏ, ସେ ସଦାପ୍ରଭୁଙ୍କ ନାମରେ ବିଶ୍ୱାସ କରୁ ଓ ଆପଣା ପରମେଶ୍ୱରଙ୍କ ଉପରେ ନିର୍ଭର କରୁ।
\s5
\v 11 ଅଗ୍ନି ଜ୍ୱଳାଉଅଛ, ଅଗ୍ନିଖୁଣ୍ଟାରେ ଆପଣାମାନଙ୍କୁ ବେଷ୍ଟନ କରୁଅଛ ଯେ ତୁମ୍ଭେମାନେ, ତୁମ୍ଭେ ସମସ୍ତେ ଦେଖ : ତୁମ୍ଭେମାନେ ଆପଣାମାନଙ୍କ ଅଗ୍ନିଶିଖା ଓ ଆପଣାମାନଙ୍କ ପ୍ରଜ୍ୱଳିତ ଅଗ୍ନିଖୁଣ୍ଟା ମଧ୍ୟରେ ଗମନ କର। ମୋ’ ହସ୍ତରୁ ଏହା ତୁମ୍ଭେମାନେ ପାଇବ; ତୁମ୍ଭେମାନେ ଶୋକରେ ଶୟନ କରିବ।
\s5
\c 51
\s ଯିରୂଶାଲମ ପ୍ରତି ଈଶ୍ୱରଙ୍କ ସାନ୍ତ୍ୱନା
\p
\v 1 ହେ ଧର୍ମର ଅନୁଗାମୀଗଣ, ହେ ସଦାପ୍ରଭୁଙ୍କ ଅନ୍ୱେଷଣକାରୀଗଣ, ତୁମ୍ଭେମାନେ ଆମ୍ଭର କଥା ଶୁଣ: ତୁମ୍ଭେମାନେ ଯେଉଁ ଶୈଳରୁ କଟା ହୋଇଥିଲ ଓ ଯେଉଁ ଗର୍ତ୍ତର ଛେଦରୁ ଖୋଳା ହୋଇଥିଲ, ତହିଁ ପ୍ରତି ଦୃଷ୍ଟିପାତ କର।
\s5
\v 2 ତୁମ୍ଭମାନଙ୍କ ପୂର୍ବପୁରୁଷ ଅବ୍ରହାମ ପ୍ରତି ଓ ତୁମ୍ଭମାନଙ୍କ ପ୍ରସବକାରିଣୀ ସାରା ପ୍ରତି ଦୃଷ୍ଟି କର; କାରଣ ସେ ଏକାକୀ ଥିବା ବେଳେ ଆମ୍ଭେ ତାହାକୁ ଆହ୍ୱାନ କଲୁ ଓ ଆମ୍ଭେ ଆଶୀର୍ବାଦ କରି ତାହାକୁ ବହୁବଂଶ କଲୁ।
\s5
\v 3 କାରଣ ସଦାପ୍ରଭୁ ସିୟୋନକୁ ସାନ୍ତ୍ୱନା କରିଅଛନ୍ତି; ସେ ତାହାର ଉତ୍ସନ୍ନ ସ୍ଥାନସବୁକୁ ସାନ୍ତ୍ୱନା କରିଅଛନ୍ତି; ସେ ତାହାର ପ୍ରାନ୍ତରକୁ ଏଦନ ତୁଲ୍ୟ ଓ ତାହାର ମରୁଭୂମିକୁ ସଦାପ୍ରଭୁଙ୍କ ଉଦ୍ୟାନ ତୁଲ୍ୟ କରିଅଛନ୍ତି; ଆନନ୍ଦ ଓ ଉଲ୍ଲାସ, ଧନ୍ୟବାଦ ଓ ସଙ୍ଗୀତ ଧ୍ୱନି ତହିଁ ମଧ୍ୟରେ ହେବ।
\s5
\v 4 “ହେ ଆମ୍ଭର ଲୋକମାନେ, ଆମ୍ଭ ବାକ୍ୟରେ ମନୋଯୋଗ କର; ହେ ଆମ୍ଭର ଦେଶୀୟ ଲୋକେ, ଆମ୍ଭ କଥାରେ କର୍ଣ୍ଣପାତ କର: କାରଣ ଆମ୍ଭଠାରୁ ଏକ ବ୍ୟବସ୍ଥା ନିର୍ଗତ ହେବ ଓ ଆମ୍ଭେ ଗୋଷ୍ଠୀବର୍ଗର ଦୀପ୍ତି ନିମନ୍ତେ ଆମ୍ଭର ବିଚାର ସ୍ଥାପନ କରିବା।
\v 5 ଆମ୍ଭର ଧର୍ମ ନିକଟବର୍ତ୍ତୀ, ଆମ୍ଭର ପରିତ୍ରାଣ ନିର୍ଗତ ହୋଇଅଛି ଓ ଆମ୍ଭର ବାହୁ ଗୋଷ୍ଠୀବର୍ଗର ବିଚାର କରିବ; ଦ୍ୱୀପଗଣ ଆମ୍ଭର ଅପେକ୍ଷାରେ ରହିବେ ଓ ଆମ୍ଭର ବାହୁରେ ପ୍ରତ୍ୟାଶା ରଖିବେ।
\s5
\v 6 ତୁମ୍ଭେମାନେ ଆକାଶମଣ୍ଡଳ ପ୍ରତି ଉର୍ଦ୍ଧ୍ୱଦୃଷ୍ଟି କର ଓ ଅଧଃସ୍ଥିତ ଭୂମଣ୍ଡଳ ପ୍ରତି ନିରୀକ୍ଷଣ କର; କାରଣ ଆକାଶମଣ୍ଡଳ ଧୂମ ତୁଲ୍ୟ ଅନ୍ତର୍ହିତ ହେବ ଓ ଭୂମଣ୍ଡଳ ବସ୍ତ୍ର ତୁଲ୍ୟ ଜୀର୍ଣ୍ଣ ହେବ, ପୁଣି ତନ୍ନିବାସୀଗଣ ସେହି ରୂପେ ମରିଯିବେ; ମାତ୍ର ଆମ୍ଭର ପରିତ୍ରାଣ ଅନନ୍ତ କାଳସ୍ଥାୟୀ ହେବ ଓ ଆମ୍ଭର ଧର୍ମ ଲୁପ୍ତ ହେବ ନାହିଁ।
\s5
\v 7 ହେ ଧର୍ମଜ୍ଞ ଲୋକମାନେ, ତୁମ୍ଭମାନଙ୍କ ହୃଦୟରେ ଆମ୍ଭର ବ୍ୟବସ୍ଥା ଅଛି, ତୁମ୍ଭେମାନେ ଆମ୍ଭର କଥା ଶୁଣ; ତୁମ୍ଭେମାନେ ମର୍ତ୍ତ୍ୟର ଅପମାନରେ ଭୀତ ହୁଅ ନାହିଁ, ଅଥବା ସେମାନଙ୍କ ନିନ୍ଦାରେ ଉଦ୍‍ବିଗ୍ନ ହୁଅ ନାହିଁ।
\v 8 କାରଣ କୀଟ ସେମାନଙ୍କୁ ବସ୍ତ୍ର ପରି ଖାଇ ପକାଇବ ଓ ପୋକ ସେମାନଙ୍କୁ ଲୋମ ପରି ଖାଇ ପକାଇବ; ମାତ୍ର ଆମ୍ଭର ଧର୍ମ ଅନନ୍ତ କାଳସ୍ଥାୟୀ ହେବ ଓ ଆମ୍ଭର ପରିତ୍ରାଣ ବଂଶାନୁକ୍ରମେ ରହିବ।”
\s5
\v 9 ହେ ସଦାପ୍ରଭୁଙ୍କ ବାହୁ, ଜାଗ, ଜାଗ, ବଳ ପରିଧାନ କର, ଯେପରି ପୂର୍ବ କାଳରେ, ପ୍ରାଚୀନ କାଳର ବଂଶାନୁକ୍ରମେ ସମୟରେ, ସେହିପରି ଜାଗ। ଯେ ରାହବ
\f +
\fr 51:9
\fq ରାହବ
\ft ଅର୍ଥାତ୍ ଏକ ବୃହତ ସମୁଦ୍ରଜୀବ
\f* କୁ ଖଣ୍ଡ ଖଣ୍ଡ କରି କାଟିଲେ, ଯେ ନାଗକୁ ବିଦ୍ଧ କଲେ, ସେ କି ତୁମ୍ଭେ ନୁହଁ ?
\v 10 ଯେ ସମୁଦ୍ରକୁ, ମହାବାରିଧିର ଜଳସମୂହକୁ ଶୁଷ୍କ କଲେ, ଯେ ମୁକ୍ତିପ୍ରାପ୍ତ ଲୋକମାନଙ୍କର ପାର ହେବା ନିମନ୍ତେ ସମୁଦ୍ରର ଗଭୀର ସ୍ଥାନକୁ ପଥ କଲେ, ସେ କି ତୁମ୍ଭେ ନୁହଁ ?
\s5
\v 11 ପୁଣି, ସଦାପ୍ରଭୁଙ୍କର ନିସ୍ତାରିତ ଲୋକମାନେ ଫେରି ଆସିବେ ଓ ଆନନ୍ଦ ଗାନ କରୁ କରୁ ସିୟୋନରେ ଉପସ୍ଥିତ ହେବେ; ନିତ୍ୟସ୍ଥାୟୀ ଆନନ୍ଦ ଓ ଆହ୍ଲାଦ ପ୍ରାପ୍ତ ହେବେ, ପୁଣି ଶୋକ ଓ ଆର୍ତ୍ତସ୍ୱର ଦୂରକୁ ପଳାଇଯିବ।
\s5
\v 12 ଯେ ତୁମ୍ଭମାନଙ୍କୁ ସାନ୍ତ୍ୱନା କରନ୍ତି, ସେ ଆମ୍ଭେ, ଆମ୍ଭେ ହିଁ ଅଟୁ; ମୃତ୍ୟୁୁର ଅଧୀନ ମନୁଷ୍ୟକୁ ଓ ଯେ ତୃଣ ତୁଲ୍ୟ କରାଯିବ, ଏପରି ମନୁଷ୍ୟର ସନ୍ତାନକୁ ଭୟ କରୁଅଛ,
\s5
\v 13 ପୁଣି ଆକାଶମଣ୍ଡଳ ବିସ୍ତାରକାରୀ ଓ ପୃଥିବୀର ଭିତ୍ତିମୂଳ ସ୍ଥାପନକାରୀ ତୁମ୍ଭ ନିର୍ମାଣକର୍ତ୍ତା ସଦାପ୍ରଭୁଙ୍କୁ ଭୁଲିଅଛ ଓ ଉପଦ୍ରବୀ ବିନାଶ କରିବାକୁ ଉଦ୍ୟତ ହେବା ବେଳେ ତାହାର କୋପ ସକାଶୁ ସାରାଦିନ ନିରନ୍ତର ଭୟ କରୁଅଛ ଯେ ତୁମ୍ଭେ, ତୁମ୍ଭେ ତ କିଏ ? ଆଉ, ସେ ଉପଦ୍ରବୀର କୋପ କାହିଁ ?
\s5
\v 14 ନିର୍ବାସିତ ବନ୍ଦୀ ଶୀଘ୍ର ମୁକ୍ତ ହେବ; ପୁଣି, ସେ ମରି ଗର୍ତ୍ତକୁ ଯିବ ନାହିଁ, ଅଥବା ତାହାର ଖାଦ୍ୟର ଅଭାବ ହେବ ନାହିଁ।
\v 15 କାରଣ କଲ୍ଳୋଳସକଳ ଗର୍ଜ୍ଜନ କରିବା ନିମନ୍ତେ ଯେ ସମୁଦ୍ରକୁ ବ୍ୟସ୍ତ କରନ୍ତି, ଆମ୍ଭେ ସେହି ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଅଟୁ; ତାହାଙ୍କର ନାମ ସୈନ୍ୟାଧିପତି ସଦାପ୍ରଭୁ।
\s5
\v 16 ପୁଣି, ଆକାଶମଣ୍ଡଳ ରୋପଣ କରିବାର, ପୃଥିବୀର ଭିତ୍ତିମୂଳ ସ୍ଥାପନ କରିବାର ଓ ତୁମ୍ଭେ ଆମ୍ଭର ଲୋକ, ଏହା ସିୟୋନକୁ କହିବା ପାଇଁ ଆମ୍ଭେ ତୁମ୍ଭ ମୁଖରେ ଆପଣା ବାକ୍ୟ ରଖିଅଛୁ ଓ ଆପଣା ହସ୍ତର ଛାୟାରେ ତୁମ୍ଭକୁ ଆଚ୍ଛାଦନ କରିଅଛୁ।
\s5
\v 17 ହେ ଯିରୂଶାଲମ, ଜାଗ, ଜାଗ, ଠିଆ ହୁଅ, ତୁମ୍ଭେ ସଦାପ୍ରଭୁଙ୍କ ହସ୍ତରୁ ତାହାଙ୍କ କୋପରୂପ ପାନ ପାତ୍ର ନେଇ ପାନ କରିଅଛ; ତୁମ୍ଭେ ମତ୍ତତାଜନକ ବୃହତ ପାତ୍ରରୁ ପାନ କରି ତାହା ଶେଷ କରିଅଛ।
\v 18 ସେ ଯେଉଁ ପୁତ୍ରଗଣକୁ ପ୍ରସବ କରିଅଛି, ସେ ସମସ୍ତଙ୍କ ମଧ୍ୟରେ ତାହାକୁ କଢ଼ାଇ ନେବାକୁ କେହି ନାହିଁ; କିଅବା ସେ ଯେଉଁ ପୁତ୍ରଗଣକୁ ପ୍ରତିପାଳନ କରିଅଛି, ସେ ସମସ୍ତଙ୍କ ମଧ୍ୟରେ ତାହାର ହସ୍ତ ଧରି ନେବା ପାଇଁ କେହି ନାହିଁ।
\s5
\v 19 ଏହି ଦୁଇ ବିଷୟ ତୁମ୍ଭ ପ୍ରତି ଘଟିଅଛି; ତୁମ୍ଭ ପାଇଁ କିଏ ବିଳାପ କରିବ ? ଶୂନ୍ୟତା ଓ ବିନାଶ, ପୁଣି ଦୁର୍ଭିକ୍ଷ ଓ ଖଡ୍ଗ; ଆମ୍ଭେ କିପରି ତୁମ୍ଭକୁ ସାନ୍ତ୍ୱନା କରିବା ?
\v 20 ଜାଲରେ ବଦ୍ଧ ହରିଣର ପ୍ରାୟ ତୁମ୍ଭର ପୁତ୍ରଗଣ ମୂର୍ଚ୍ଛିତ ହୋଇଅଛନ୍ତି, ସେମାନେ ପ୍ରତ୍ୟେକ ସଡ଼କର ମୁଣ୍ଡରେ ପଡ଼ିଛନ୍ତି; ସେମାନେ ସଦାପ୍ରଭୁଙ୍କ କୋପରେ, ତୁମ୍ଭ ପରମେଶ୍ୱରଙ୍କ ଧମକରେ ପରିପୂର୍ଣ୍ଣ।
\s5
\v 21 ଏଣୁକରି ହେ ଦୁଃଖିନୀ ଓ ବିନା ଦ୍ରାକ୍ଷାରସରେ ମତ୍ତା ଯେ ତୁମ୍ଭେ, ତୁମ୍ଭେ ଏବେ ଏହା ଶୁଣ;
\v 22 ତୁମ୍ଭ ପ୍ରଭୁ, ସଦାପ୍ରଭୁ ଓ ଆପଣା ଲୋକମାନଙ୍କର ପକ୍ଷବାଦୀ ତୁମ୍ଭ ପରମେଶ୍ୱର ଏହି କଥା କହନ୍ତି, “ଦେଖ, ଆମ୍ଭେ ମତ୍ତତାଜନକ ପାନପାତ୍ର, ଅର୍ଥାତ୍‍, ଆମ୍ଭ କୋପରୂପ ବୃହତ ପାନପାତ୍ର ତୁମ୍ଭ ହସ୍ତରୁ କାଢ଼ି ନେଇଅଛୁ; ତୁମ୍ଭେ ଆଉ ତାହା ପାନ କରିବ ନାହିଁ;
\s5
\v 23 ପୁଣି, ଯେଉଁମାନେ ତୁମ୍ଭକୁ କ୍ଲେଶ ଦିଅନ୍ତି, ସେମାନଙ୍କ ହସ୍ତରେ ଆମ୍ଭେ ତାହା ଦେବା; ସେମାନେ ତୁମ୍ଭ ପ୍ରାଣକୁ କହିଅଛନ୍ତି, ନଇଁ ପଡ଼, ଆମ୍ଭେମାନେ ତୁମ୍ଭ ଉପର ଦେଇ ଗମନ କରିବା : ଆଉ, ତୁମ୍ଭେ ଭୂମି ଓ ସଡ଼କ ପରି ଗମନକାରୀମାନଙ୍କ ନିମନ୍ତେ ଆପଣା ପିଠି ପାତି ଦେଇଅଛ।”
\s5
\c 52
\s ଯିରୂଶାଲମକୁ ପରମେଶ୍ୱରଙ୍କ ଉଦ୍ଧାର
\p
\v 1 ହେ ସିୟୋନ, ଜାଗ, ଜାଗ, ଆପଣା ବଳ ପରିଧାନ କର; ହେ ପବିତ୍ର ନଗରୀ ଯିରୂଶାଲମ, ତୁମ୍ଭେ ଆପଣା ସୁନ୍ଦର ବସ୍ତ୍ରସବୁ ପିନ୍ଧ; କାରଣ ଏହି ସମୟଠାରୁ ତୁମ୍ଭ ମଧ୍ୟକୁ ଅସୁନ୍ନତ ଅବା ଅଶୁଚି ଲୋକ ଆଉ ଆସିବ ନାହିଁ।
\s5
\v 2 ତୁମ୍ଭେ ଆପଣା ଦେହର ଧୂଳି ଝାଡ଼ି ଦିଅ; ହେ ଯିରୂଶାଲମ, ଉଠ, ଆସନରେ ବସ; ଆଗୋ ସିୟୋନର ବନ୍ଦୀ କନ୍ୟେ, ଆପଣା ଗଳାର ବନ୍ଧନସବୁ ଫିଟାଇ ପକାଅ।
\v 3 କାରଣ ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭେମାନେ ବିନାମୂଲ୍ୟରେ ବିକ୍ରୀତ ହୋଇଥିଲ, ଆଉ ବିନାମୂଲ୍ୟରେ ମୁକ୍ତ କରାଯିବ।”
\s5
\v 4 କାରଣ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, “ଆମ୍ଭର ଲୋକମାନେ ପ୍ରଥମରେ ପ୍ରବାସ କରିବା ପାଇଁ ମିସରକୁ ଗଲେ; ପୁଣି, ଅଶୂରୀୟ ଅକାରଣରେ ସେମାନଙ୍କ ପ୍ରତି ଦୌରାତ୍ମ୍ୟ କଲା।”
\s5
\v 5 ଏହେତୁ ସଦାପ୍ରଭୁ କହନ୍ତି, “ଆମ୍ଭର ଲୋକମାନେ ତ ଅକାରଣରେ ନିଆ ଯାଉଅଛନ୍ତି, ଆମ୍ଭେ ଏଠାରେ ଥାଇ କଅଣ କରୁଅଛୁ ?” ସଦାପ୍ରଭୁ କହନ୍ତି, ସେମାନଙ୍କ ଉପରେ କର୍ତ୍ତୃତ୍ୱକାରୀମାନେ ଗର୍ଜ୍ଜନ କରୁଅଛନ୍ତି ଓ ଆମ୍ଭର ନାମ ସାରାଦିନ ନିରନ୍ତର ନିନ୍ଦିତ ହେଉଅଛି।
\v 6 “ଏଥିପାଇଁ ଆମ୍ଭର ଲୋକମାନେ ଆମ୍ଭର ନାମ ଜାଣିବେ; ଏଥିପାଇଁ ଯେ କଥା କହନ୍ତି, ସେ ଯେ ଆମ୍ଭେ ଅଟୁ, ଏହା ସେମାନେ ସେହି ଦିନ ଜାଣିବେ; ଦେଖ, ସେ ଆମ୍ଭେ।”
\s5
\v 7 ଯେଉଁ ଜନ ସୁସମାଚାର ଆଣୁଅଛି, ଯେ ଶାନ୍ତି ପ୍ରଚାର କରୁଅଛି, ଯେ ମଙ୍ଗଳର ସୁସମାଚାର ଆଣୁଅଛି, ଯେ ପରିତ୍ରାଣ ପ୍ରଚାର କରୁଅଛି, ଯେ ସିୟୋନକୁ “ତୁମ୍ଭ ପରମେଶ୍ୱର ରାଜ୍ୟ କରନ୍ତି” ବୋଲି କହୁଅଛି, ତାହାର ଚରଣ ପର୍ବତଗଣର ଉପରେ କିପରି ଶୋଭା ପାଏ !
\v 8 ହେଇ, ତୁମ୍ଭ ପ୍ରହରୀଗଣର ରବ ! ସେମାନେ ଉଚ୍ଚ ରବ କରୁଅଛନ୍ତି, ସେମାନେ ଏକତ୍ର ଗାନ କରୁଅଛନ୍ତି; କାରଣ ସଦାପ୍ରଭୁ ସିୟୋନକୁ ଫେରି ଆସିବା ବେଳେ ସେମାନେ ସମ୍ମୁଖାସମ୍ମୁଖୀ ହୋଇ ଦେଖିବେ।
\s5
\v 9 ହେ ଯିରୂଶାଲମର ଉତ୍ସନ୍ନ ସ୍ଥାନସକଳ, ଉଚ୍ଚ ଆନନ୍ଦ ଧ୍ୱନି କର, ଏକତ୍ର ଗାନ କର; କାରଣ ସଦାପ୍ରଭୁ ଆପଣା ଲୋକମାନଙ୍କୁ ସାନ୍ତ୍ୱନା କରିଅଛନ୍ତି, ସେ ଯିରୂଶାଲମକୁ ମୁକ୍ତ କରିଅଛନ୍ତି।
\v 10 ସଦାପ୍ରଭୁ ସର୍ବଦେଶୀୟମାନଙ୍କ ଦୃଷ୍ଟିରେ ଆପଣା ପବିତ୍ର ବାହୁ ଅନାବୃତ କରିଅଛନ୍ତି ଓ ପୃଥିବୀର ଆଦ୍ୟନ୍ତସ୍ଥିତ ସମସ୍ତେ ଆମ୍ଭମାନଙ୍କ ପରମେଶ୍ୱରଙ୍କ ପରିତ୍ରାଣ ଦେଖିବେ।
\s5
\v 11 ତୁମ୍ଭେମାନେ ପ୍ରସ୍ଥାନ କର, ପ୍ରସ୍ଥାନ କର, ସେହି ସ୍ଥାନରୁ ବାହାରି ଯାଅ, କୌଣସି ଅଶୁଚି ବସ୍ତୁ ଛୁଅଁ ନାହିଁ; ତୁମ୍ଭେମାନେ ତାହାର ମଧ୍ୟରୁ ବାହାରି ଯାଅ; ହେ ସଦାପ୍ରଭୁଙ୍କର ପାତ୍ରବାହକଗଣ, ତୁମ୍ଭେମାନେ ଶୁଚି ହୁଅ।
\v 12 କାରଣ ତୁମ୍ଭେମାନେ ତର ତର ହୋଇ ବାହାରି ଯିବ ନାହିଁ, କିଅବା ତୁମ୍ଭେମାନେ ପଳାୟନ କରି ବାହାରି ଯିବ ନାହିଁ; କାରଣ ସଦାପ୍ରଭୁ ତୁମ୍ଭମାନଙ୍କର ଆଗେ ଆଗେ ଗମନ କରିବେ ଓ ଇସ୍ରାଏଲର ପରମେଶ୍ୱର ତୁମ୍ଭମାନଙ୍କର ପଶ୍ଚାଦ୍‍ବର୍ତ୍ତୀ ହେବେ।
\s ଦୁଃଖଭୋଗକାରୀ ସଦାପ୍ରଭୁଙ୍କ ଦାସ
\p
\s5
\v 13 ଦେଖ, ଆମ୍ଭର ଦାସ ସୁବିବେଚନାପୂର୍ବକ ବ୍ୟବହାର କରିବେ, ସେ ଉନ୍ନତ, ଉଚ୍ଚ ପଦପ୍ରାପ୍ତ ଓ ମହାମହିମ ହେବେ।
\v 14 ମନୁଷ୍ୟ ଅପେକ୍ଷା ତାହାଙ୍କର ଆକୃତି ଓ ମନୁଷ୍ୟ ସନ୍ତାନଗଣ ଅପେକ୍ଷା ତାହାଙ୍କର ରୂପ ଅଧିକ ବିକୃତ ହେବାରୁ ଯେପରି ଅନେକେ ତାହାଙ୍କ ବିଷୟରେ ଚମତ୍କୃତ ହୋଇଥିଲେ,
\s5
\v 15 ସେହିପରି ସେ ଅନେକ ଦେଶୀୟମାନଙ୍କୁ ଛିଞ୍ଚିବେ; ରାଜାମାନେ ତାହାଙ୍କ ଛାମୁରେ ଆପଣା ଆପଣା ମୁଖ ବନ୍ଦ କରିବେ; କାରଣ ଯାହା ସେମାନଙ୍କୁ କୁହାଯାଇ ନ ଥିଲା, ତାହା ସେମାନେ ଦେଖିବେ ଓ ଯାହା ସେମାନେ ଶୁଣି ନ ଥିଲେ, ତାହା ସେମାନେ ବୁଝିବେ।
\s5
\c 53
\p
\v 1 ଆମ୍ଭମାନଙ୍କ ସମ୍ବାଦ କିଏ ବିଶ୍ୱାସ କରିଅଛି ? ଓ ସଦାପ୍ରଭୁଙ୍କର ବାହୁ କାହା ନିକଟରେ ପ୍ରକାଶିତ ହୋଇଅଛି ?
\v 2 କାରଣ ସେ ତାହାଙ୍କ ଦୃଷ୍ଟିରେ ଚାରା ତୁଲ୍ୟ ଓ ଶୁଷ୍କ ଭୂମିରୁ ଉତ୍ପନ୍ନ ମୂଳ ତୁଲ୍ୟ ବଢ଼ିଲେ; ତାହାଙ୍କର ରୂପ କି ଶୋଭା ନାହିଁ; ପୁଣି, ତାହାଙ୍କୁ ଦେଖିଲେ, ଆମ୍ଭେମାନେ ଯେ ଶ୍ରଦ୍ଧା କରିବା, ତାହାଙ୍କର ଏପରି ସୌନ୍ଦର୍ଯ୍ୟ ନାହିଁ।
\s5
\v 3 ସେ ଅବଜ୍ଞାତ ଓ ମନୁଷ୍ୟର ତ୍ୟକ୍ତ; ଦୁଃଖୀ ଲୋକ ଓ ଶୋକପରିଚିତ, ପୁଣି ମନୁଷ୍ୟମାନେ ଯାହାଠାରୁ ମୁଖ ଆଚ୍ଛାଦନ କରନ୍ତି, ଏପରି ଲୋକ ତୁଲ୍ୟ ସେ ଅବଜ୍ଞାତ ହେଲେ, ଆଉ ଆମ୍ଭେମାନେ ତାହାଙ୍କୁ ମାନ୍ୟ କଲୁ ନାହିଁ।
\s5
\v 4 ନିଶ୍ଚୟ ସେ ଆମ୍ଭମାନଙ୍କର ଯାତନାସବୁ ଧାରଣ କରିଅଛନ୍ତି ଓ ଆମ୍ଭମାନଙ୍କର ବ୍ୟଥାସବୁ ବହନ କରିଅଛନ୍ତି। ତଥାପି ଆମ୍ଭେମାନେ ତାହାଙ୍କୁ ଆହତ ଓ ପରମେଶ୍ୱରଙ୍କ ଦ୍ୱାରା ପ୍ରହାରିତ ଓ ଦୁଃଖଗ୍ରସ୍ତ ବୋଲି ମଣିଲୁ।
\s5
\v 5 ମାତ୍ର ସେ ଆମ୍ଭମାନଙ୍କ ଅଧର୍ମ ନିମନ୍ତେ କ୍ଷତବିକ୍ଷତ ହେଲେ ଓ ଆମ୍ଭମାନଙ୍କର ଅପରାଧ ନିମନ୍ତେ ଚୂର୍ଣ୍ଣ ହେଲେ; ଆମ୍ଭମାନଙ୍କର ଶାନ୍ତିଜନକ ଶାସ୍ତି ତାହାଙ୍କ ଉପରେ ବର୍ତ୍ତିଲା ଓ ତାହାଙ୍କ ପ୍ରହାରରେ ଆମ୍ଭେମାନେ ସୁସ୍ଥ ହେଲୁ।
\s5
\v 6 ଆମ୍ଭେମାନେ ସମସ୍ତେ ମେଷଗଣ ତୁଲ୍ୟ ବିପଥଗାମୀ ହୋଇଅଛୁ; ଆମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା ବାଟଆଡ଼େ ଫେରିଅଛୁ; ଆଉ, ସଦାପ୍ରଭୁ ଆମ୍ଭ ସମସ୍ତଙ୍କର ଅପରାଧ ତାହାଙ୍କ ଉପରେ ବର୍ତ୍ତାଇଅଛନ୍ତି।
\s5
\v 7 ସେ ଉପଦ୍ରବ ପ୍ରାପ୍ତ ହେଲେ, ତଥାପି ସେ ଆପଣାକୁ ନମ୍ର କରି ଆପଣା ମୁଖ ଫିଟାଇଲେ ନାହିଁ; ବଧସ୍ଥାନକୁ ନିଆଯିବା ମେଷଶାବକ ତୁଲ୍ୟ, ଲୋମଚ୍ଛେଦକମାନଙ୍କ ସମ୍ମୁଖରେ ନୀରବ ମେଷ ତୁଲ୍ୟ ହୋଇ ସେ ଆପଣା ମୁଖ ଫିଟାଇଲେ ନାହିଁ।
\s5
\v 8 ସେ ଉପଦ୍ରବ ଓ ବିଚାର ଦ୍ୱାରା ଦୂରୀକୃତ ହେଲେ; ଆଉ, ସେ ଯେ ଜୀବିତ ଲୋକମାନଙ୍କ ଦେଶରୁ ଉଚ୍ଛିନ୍ନ ହେଲେ, ଏହା ତାହାଙ୍କ ସମୟର ଲୋକମାନଙ୍କ ମଧ୍ୟରେ କିଏ ବିବେଚନା କଲା ? ଆମ୍ଭ ଲୋକମାନଙ୍କର ଅପରାଧ ନିମନ୍ତେ ସେ ପ୍ରହାରିତ ହେଲେ।
\v 9 ପୁଣି, ସେ କୌଣସି ଦୌରାତ୍ମ୍ୟ ନ କଲେ ହେଁ ଓ ତାହାଙ୍କ ମୁଖରେ କୌଣସି ଛଳ ନ ଥିଲେ ହେଁ ଲୋକମାନେ ଦୁଷ୍ଟଗଣର ସହିତ ତାହାଙ୍କର କବର ନିରୂପଣ କଲେ ଓ ମୃତ୍ୟୁୁରେ ସେ ଧନବାନର ସଙ୍ଗୀ ହେଲେ।
\s5
\v 10 ତଥାପି ତାହାଙ୍କୁ ଚୂର୍ଣ୍ଣ କରିବାକୁ ସଦାପ୍ରଭୁଙ୍କର ଅଭିମତ ହେଲା; ସେ ତାହାଙ୍କୁ ଦୁଃଖଗ୍ରସ୍ତ କରିଅଛନ୍ତି; ତୁମ୍ଭେ ତାହାଙ୍କ ପ୍ରାଣକୁ ପାପାର୍ଥକ ବଳି କଲେ, ସେ ଆପଣା ବଂଶ ଦେଖିବେ, ସେ ଦୀର୍ଘାୟୁ ହେବେ ଓ ତାହାଙ୍କ ହସ୍ତରେ ସଦାପ୍ରଭୁଙ୍କର ଇଷ୍ଟ ସିଦ୍ଧ ହେବ।
\v 11 ସେ ଆପଣା ପ୍ରାଣବେଦନାର ଫଳ ଦେଖି ତୃପ୍ତ ହେବେ; ଆମ୍ଭର ଧାର୍ମିକ ଦାସ ଆପଣାର ଜ୍ଞାନ ଦ୍ୱାରା ଅନେକଙ୍କୁ ଧାର୍ମିକ କରିବେ ଓ ସେ ସେମାନଙ୍କର ଅପରାଧ ବହିବେ।
\s5
\v 12 ଏହେତୁ ଆମ୍ଭେ ମହତମାନଙ୍କ ମଧ୍ୟରେ ତାହାଙ୍କୁ ଅଂଶ ଦେବା ଓ ସେ ପରାକ୍ରମୀମାନଙ୍କ ସଙ୍ଗେ ଲୁଟିତ ବିଭାଗ କରି ନେବେ; କାରଣ ସେ ମୃତ୍ୟୁୁମୁଖରେ ଆପଣା ପ୍ରାଣ ଢାଳି ଦେଲେ; ଓ ଅଧାର୍ମିକମାନଙ୍କ ସହିତ ଗଣିତ ହେଲେ; ତଥାପି ସେ ଅନେକଙ୍କର ପାପଭାର ବହନ କଲେ ଓ ଅଧାର୍ମିକମାନଙ୍କ ନିମନ୍ତେ ପ୍ରାର୍ଥନା କଲେ।
\s5
\c 54
\s ଚିରନ୍ତନ ଶାନ୍ତିର ନିୟମ
\p
\v 1 “ଆଗୋ ବନ୍ଧ୍ୟେ, ଅପ୍ରସୂତେ, ତୁମ୍ଭେ ଗାନ କର, ଆଗୋ ଗର୍ଭବ୍ୟଥାରହିତେ, ତୁମ୍ଭେ ଉଚ୍ଚସ୍ୱରରେ ଗାନ କରି ଆନନ୍ଦ ଧ୍ୱନି କର,” କାରଣ ସଦାପ୍ରଭୁ କହନ୍ତି, ବିବାହିତା ଭାର୍ଯ୍ୟାର ସନ୍ତାନ ଅପେକ୍ଷା ଅନାଥାର ସନ୍ତାନ ଅଧିକ।
\s5
\v 2 ତୁମ୍ଭେ ଆପଣା ତମ୍ବୁର ସ୍ଥାନ ବଢ଼ାଅ ଓ ସେମାନେ ତୁମ୍ଭ ବାସସ୍ଥାନର ଯବନିକାସବୁ ବିସ୍ତାର କରନ୍ତୁ; ବ୍ୟୟର ଆଶଙ୍କା କର ନାହିଁ; ତୁମ୍ଭର ଦଉଡ଼ିସବୁ ଲମ୍ବାଇ ଦିଅ ଓ କିଳାସବୁ ଦୃଢ଼ କର।
\v 3 କାରଣ ତୁମ୍ଭେ ଡାହାଣ ଓ ବାମରେ ବ୍ୟାପି ଯିବ ଓ ତୁମ୍ଭର ବଂଶ ଅନ୍ୟ ଦେଶୀୟମାନଙ୍କୁ ଅଧିକାର କରିବେ ଓ ନରଶୂନ୍ୟ ନଗରସମୂହକୁ ବସତି ସ୍ଥାନ କରାଇବେ।
\s5
\v 4 ଭୟ କର ନାହିଁ; କାରଣ ତୁମ୍ଭେ ଲଜ୍ଜିତ ହେବ ନାହିଁ। କିଅବା ବିଷର୍ଣ୍ଣମନା ହୁଅ ନାହିଁ; କାରଣ ତୁମ୍ଭକୁ ଲଜ୍ଜିତ କରାଯିବ ନାହିଁ; ତୁମ୍ଭେ ଆପଣା ଯୌବନ କାଳର ଲଜ୍ଜା ପାସୋରି ଯିବ ଓ ତୁମ୍ଭେ ଆପଣା ବିଧବାବସ୍ଥାର ଦୁର୍ନାମ ଆଉ ସ୍ମରଣ କରିବ ନାହିଁ।
\s5
\v 5 କାରଣ ତୁମ୍ଭର ନିର୍ମାଣକର୍ତ୍ତା ତୁମ୍ଭର ସ୍ୱାମୀ ଅଟନ୍ତି; ସୈନ୍ୟାଧିପତି ସଦାପ୍ରଭୁ ତାହାଙ୍କର ନାମ ଓ ଇସ୍ରାଏଲର ଧର୍ମସ୍ୱରୂପ ତୁମ୍ଭର ମୁକ୍ତିଦାତା; ସେ ସମୁଦାୟ ପୃଥିବୀର ପରମେଶ୍ୱର ବୋଲି ବିଖ୍ୟାତ ହେବେ।
\v 6 କାରଣ ତୁମ୍ଭ ପରମେଶ୍ୱର କହନ୍ତି, “ତ୍ୟକ୍ତା ଓ ମନୋଦୁଃଖିନୀ ଭାର୍ଯ୍ୟା ଅଥବା ଯୌବନକାଳୀନ ଦୂରୀକୃତା ଭାର୍ଯ୍ୟା ତୁଲ୍ୟ ସଦାପ୍ରଭୁ ତୁମ୍ଭକୁ ଆହ୍ୱାନ କରିଅଛନ୍ତି।
\s5
\v 7 ଆମ୍ଭେ ଅଳ୍ପ କ୍ଷଣ ନିମନ୍ତେ ତୁମ୍ଭକୁ ତ୍ୟାଗ କରିଅଛୁ; ମାତ୍ର ମହାକରୁଣାରେ ତୁମ୍ଭକୁ ସଂଗ୍ରହ କରିବା।
\v 8 ଅତିଶୟ କୋପରେ ଆମ୍ଭେ ଏକ ନିମିଷ ମାତ୍ର ଆପଣା ମୁଖ ତୁମ୍ଭଠାରୁ ଲୁଚାଇଲୁ; ମାତ୍ର ଅନନ୍ତକାଳସ୍ଥାୟୀ ଦୟାରେ ଆମ୍ଭେ ତୁମ୍ଭ ପ୍ରତି କରୁଣା କରିବା,” ଏହା ତୁମ୍ଭର ମୁକ୍ତିଦାତା ସଦାପ୍ରଭୁ କହନ୍ତି।
\s5
\v 9 “କାରଣ ଏହା ଆମ୍ଭ ପ୍ରତି ନୋହ ସମୟର ଜଳ ତୁଲ୍ୟ ଅଟେ; ନୋହ ସମୟର ଜଳ ଆଉ ପୃଥିବୀକୁ ପ୍ଳାବିତ କରିବ ନାହିଁ ବୋଲି ଆମ୍ଭେ ଯେପରି ଶପଥ କରିଅଛୁ, ସେହିପରି ଆମ୍ଭେ ତୁମ୍ଭ ପ୍ରତି କ୍ରୋଧ, ଅବା ତୁମ୍ଭକୁ ଭର୍ତ୍ସନା କରିବା ନାହିଁ ବୋଲି ଶପଥ କରିଅଛୁ।
\v 10 ଯେହେତୁ ତୁମ୍ଭ ପ୍ରତି କରୁଣା କରିଅଛନ୍ତି ଯେଉଁ ସଦାପ୍ରଭୁ, ସେ କହନ୍ତି, ପର୍ବତଗଣ ବିଚଳିତ ହୋଇ ଘୁଞ୍ଚିଯିବେ ଓ ଉପପର୍ବତଗଣ ଟଳିବେ; ମାତ୍ର ଆମ୍ଭର ଦୟା ତୁମ୍ଭଠାରୁ ବିଚଳିତ ହେବ ନାହିଁ, ଅଥବା ଆମ୍ଭ ଶାନ୍ତିର ନିୟମ ଟଳିବ ନାହିଁ।
\s5
\v 11 ଆଗୋ ଦୁଃଖିନୀ, ତୋଫାନରେ ବିଚଳିତେ ଓ ସାନ୍ତ୍ୱନାବିହୀନେ, ଦେଖ, ଆମ୍ଭେ ନାନା ସୁନ୍ଦର ବର୍ଣ୍ଣରେ ତୁମ୍ଭର ପ୍ରସ୍ତର ବସାଇବା ଓ ନୀଳମଣି ଦ୍ୱାରା ତୁମ୍ଭର ଭିତ୍ତିମୂଳ ସ୍ଥାପନ କରିବା।
\v 12 ଆମ୍ଭେ ପଦ୍ମରାଗ ମଣିରେ ତୁମ୍ଭର ଚୂଡ଼ା ଓ ସୂର୍ଯ୍ୟକାନ୍ତ ମଣିରେ ତୁମ୍ଭ ନଗରର ଦ୍ୱାରସକଳ ଓ ମନୋହର ପ୍ରସ୍ତରରେ ତୁମ୍ଭର ସମସ୍ତ ସୀମା ନିର୍ମାଣ କରିବା।
\s5
\v 13 ତୁମ୍ଭର ସନ୍ତାନଗଣ ସମସ୍ତେ ସଦାପ୍ରଭୁଙ୍କ ଦ୍ୱାରା ଶିକ୍ଷିତ ହେବେ ଓ ତୁମ୍ଭ ସନ୍ତାନଗଣର ମହାଶାନ୍ତି ହେବ।
\v 14 ତୁମ୍ଭେ ଧାର୍ମିକତାରେ ସ୍ଥିରୀକୃତ ହେବ; ତୁମ୍ଭେ ଉପଦ୍ରବଠାରୁ ଦୂରରେ ରହିବ, କାରଣ ତୁମ୍ଭେ ଭୀତ ହେବ ନାହିଁ; ପୁଣି ତ୍ରାସଠାରୁ ଦୂରରେ ରହିବ, କାରଣ ତାହା ତୁମ୍ଭ ନିକଟକୁ ଆସିବ ନାହିଁ।
\s5
\v 15 ଦେଖ, ଲୋକମାନେ ଏକମେଳ ହୋଇ ପାରନ୍ତି, ମାତ୍ର ଆମ୍ଭ ଦ୍ୱାରା ନୁହେଁ; ଯେକେହି ତୁମ୍ଭ ବିପକ୍ଷରେ ଏକମେଳ ହୁଏ, ସେ ତୁମ୍ଭ ହେତୁ ପତିତ ହେବ।
\v 16 ଦେଖ, ଯେଉଁ ଲୌହକାର କୋଇଲାକୁ ଅଗ୍ନି ଦେଇ ତାତିରେ ଓ ଆପଣା କାର୍ଯ୍ୟ ନିମନ୍ତେ ଅସ୍ତ୍ର ନିର୍ମାଣ କରେ, ଆମ୍ଭେ ତାହାର ସୃଷ୍ଟି କରିଅଛୁ ଓ ବିନାଶକରଣାର୍ଥେ ବିନାଶକକୁ ହିଁ ଆମ୍ଭେ ସୃଷ୍ଟି କରିଅଛୁ।
\s5
\v 17 ଯେକୌଣସି ଅସ୍ତ୍ର ତୁମ୍ଭ ପ୍ରତିକୂଳରେ ନିର୍ମିତ ହୁଏ, ତାହା ସାର୍ଥକ ହେବ ନାହିଁ ଓ ଯେ ପ୍ରତ୍ୟେକ ଜିହ୍ୱା ବିଚାରରେ ତୁମ୍ଭ ବିରୁଦ୍ଧରେ ଉଠେ, ତୁମ୍ଭେ ତାହାକୁ ଦୋଷୀ କରିବ। ସଦାପ୍ରଭୁଙ୍କ ଦାସମାନଙ୍କର ଅଧିକାର ଓ ଆମ୍ଭ ଦତ୍ତ ସେମାନଙ୍କର ଧାର୍ମିକତା ଏହି,” ଏହା ସଦାପ୍ରଭୁ କହନ୍ତି।
\s5
\c 55
\s ଈଶ୍ୱରଙ୍କ କରୁଣା
\p
\v 1 “ହେ ତୃଷିତ ଲୋକସକଳ, ତୁମ୍ଭେମାନେ ଜଳ ନିକଟକୁ ଆସ, ପୁଣି ଯାହାର କିଛି ଅର୍ଥ ନାହିଁ, ସେ ଆସୁ; ତୁମ୍ଭେମାନେ ଆସ, କିଣ ଓ ଭୋଜନ କର; ହଁ, ଆସ, ଅର୍ଥ ଓ ମୂଲ୍ୟ ବିନା ଦ୍ରାକ୍ଷାରସ ଓ ଦୁଗ୍ଧ କିଣ।
\s5
\v 2 ଅଖାଦ୍ୟ ଦ୍ରବ୍ୟ ନିମନ୍ତେ ତୁମ୍ଭେମାନେ କାହିଁକି ରୂପା ବ୍ୟୟ କରୁଅଛ ? ଓ ଯାହା ତୃପ୍ତିକର ନୁହେଁ, ତହିଁ ପାଇଁ କାହିଁକି ତୁମ୍ଭେମାନେ ପରିଶ୍ରମ କରୁଅଛ ? ମନୋଯୋଗ କରି ଆମ୍ଭର କଥା ଶୁଣ ଓ ଉତ୍ତମ ଦ୍ରବ୍ୟ ଭୋଜନ କର ଓ ପୁଷ୍ଟିକର ଦ୍ରବ୍ୟରେ ତୁମ୍ଭମାନଙ୍କର ପ୍ରାଣକୁ ସନ୍ତୁଷ୍ଟ ହେବାକୁ ଦିଅ।
\s5
\v 3 କର୍ଣ୍ଣ ଡେର ଓ ଆମ୍ଭ ନିକଟକୁ ଆସ; ଶୁଣ, ତହିଁରେ ତୁମ୍ଭମାନଙ୍କର ପ୍ରାଣ ବଞ୍ଚିବ; ପୁଣି, ଆମ୍ଭେ ତୁମ୍ଭମାନଙ୍କ ସହିତ ଏକ ନିତ୍ୟସ୍ଥାୟୀ ନିୟମ, ଅର୍ଥାତ୍‍, ଦାଉଦଙ୍କ ପ୍ରତି ନିଶ୍ଚିତ ଦୟା ସ୍ଥିର କରିବା।
\v 4 ଦେଖ, ଆମ୍ଭେ ତାହାଙ୍କୁ ଗୋଷ୍ଠୀବର୍ଗର ସାକ୍ଷୀ ରୂପେ, ଗୋଷ୍ଠୀବର୍ଗର ଅଗ୍ରଣୀ ଓ ଆଜ୍ଞାଦାତା ରୂପେ ନିଯୁକ୍ତ କରିଅଛୁ।”
\s5
\v 5 ଦେଖ, ଯେଉଁ ଗୋଷ୍ଠୀକୁ ତୁମ୍ଭେ ଜାଣୁ ନାହଁ, ତାହାକୁ ତୁମ୍ଭେ ଆହ୍ୱାନ କରିବ ଓ ଯେଉଁ ଗୋଷ୍ଠୀ ତୁମ୍ଭକୁ ଜାଣିଲା ନାହିଁ, ସେ ତୁମ୍ଭ ନିକଟକୁ ଦୌଡ଼ିବ, ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କର ଓ ଇସ୍ରାଏଲର ଧର୍ମସ୍ୱରୂପଙ୍କ ସକାଶୁ ଏହା ଘଟିବ; କାରଣ ସେ ତୁମ୍ଭଙ୍କୁ ଗୌରବାନ୍ୱିତ କରିଅଛନ୍ତି।
\s5
\v 6 ଯେପର୍ଯ୍ୟନ୍ତ ସଦାପ୍ରଭୁଙ୍କର ଉଦ୍ଦେଶ୍ୟ ମିଳୁଅଛି, ସେପର୍ଯ୍ୟନ୍ତ ତୁମ୍ଭେମାନେ ତାହାଙ୍କର ଅନ୍ୱେଷଣ କର, ଯେପର୍ଯ୍ୟନ୍ତ ସେ ନିକଟରେ ଅଛନ୍ତି, ସେପର୍ଯ୍ୟନ୍ତ ତାହାଙ୍କଠାରେ ପ୍ରାର୍ଥନା କର।
\v 7 ଦୁଷ୍ଟ ଆପଣାର ପଥ ଓ ଅଧାର୍ମିକ ଆପଣା ସଂକଳ୍ପ ପରିତ୍ୟାଗ କରୁ; ପୁଣି, ସେ ସଦାପ୍ରଭୁଙ୍କ ପ୍ରତି ଫେରୁ, ତହିଁରେ ସେ ତାହାକୁ ଦୟା କରିବେ; ଆଉ, ସେ ଆମ୍ଭମାନଙ୍କର ପରମେଶ୍ୱରଙ୍କ ପ୍ରତି ଫେରୁ, କାରଣ ସେ ବହୁଳ ରୂପରେ କ୍ଷମା କରିବେ।
\s5
\v 8 ଯେହେତୁ ସଦାପ୍ରଭୁ କହନ୍ତି, “ଆମ୍ଭର ସଂକଳ୍ପସକଳ ତୁମ୍ଭମାନଙ୍କର ସଂକଳ୍ପ ପରି ନୁହେଁ, କିଅବା ତୁମ୍ଭମାନଙ୍କର ମାର୍ଗସକଳ ଆମ୍ଭର ମାର୍ଗ ପରି ନୁହେଁ।”
\v 9 “କାରଣ ପୃଥିବୀ ଅପେକ୍ଷା ଆକାଶମଣ୍ଡଳ ଯେପରି ଉଚ୍ଚ, ସେହିପରି ଆମ୍ଭର ମାର୍ଗସକଳ ତୁମ୍ଭମାନଙ୍କର ମାର୍ଗ ଅପେକ୍ଷା ଓ ଆମ୍ଭର ସଂକଳ୍ପ ସକଳ ତୁମ୍ଭମାନଙ୍କ ସଂକଳ୍ପ ଅପେକ୍ଷା ଉଚ୍ଚତର ଅଟେ।
\s5
\v 10 ଯେହେତୁ ଯେପରି ବୃଷ୍ଟି ଓ ହିମ ଆକାଶରୁ ତଳକୁ ଆସେ ଓ ସେଠାକୁ ଫେରି ଯାଏ ନାହିଁ, ମାତ୍ର ଭୂମିକୁ ସନ୍ତରା କରେ, ପୁଣି ଫଳବତୀ ଓ ତୃଣାଦି ଉତ୍ପନ୍ନ କରି ବପନକାରୀକୁ ବୀଜ ଓ ଭୋଜନକାରୀକୁ ଭକ୍ଷ୍ୟ ଦିଏ;
\v 11 ଆମ୍ଭ ମୁଖରୁ ନିର୍ଗତ ବାକ୍ୟ ସେହିପରି ହେବ; ତାହା ନିଷ୍ଫଳ ହୋଇ ଆମ୍ଭ ନିକଟକୁ ଫେରି ଆସିବ ନାହିଁ, ମାତ୍ର ଆମ୍ଭେ ଯାହା ଇଚ୍ଛା କରୁ, ତାହା ସିଦ୍ଧ କରିବା ଓ ଯେଉଁ କାର୍ଯ୍ୟ ପାଇଁ ଆମ୍ଭେ ପ୍ରେରଣ କରୁ, ତହିଁରେ କୃତାର୍ଥ ହେବ।
\s5
\v 12 ଏଣୁ ତୁମ୍ଭେମାନେ ଆନନ୍ଦରେ ବାହାର ହୋଇ ଶାନ୍ତିରେ ଆଗେ ଆଗେ ନିଆଯିବ; ପର୍ବତ ଓ ଉପପର୍ବତଗଣ ତୁମ୍ଭମାନଙ୍କ ସମ୍ମୁଖରେ ଉଚ୍ଚସ୍ୱରରେ ଗାନ କରିବେ ଓ କ୍ଷେତ୍ରସ୍ଥ ବୃକ୍ଷସକଳ କରତାଳି ଦେବେ।
\v 13 କଣ୍ଟକ ବୃକ୍ଷ ବଦଳରେ ଦେବଦାରୁ ଓ କାନକୋଳି କଣ୍ଟା ବଦଳରେ ମେହେନ୍ଦି ବୃକ୍ଷ ଉତ୍ପନ୍ନ ହେବ; ପୁଣି, ତାହା ସଦାପ୍ରଭୁଙ୍କର କୀର୍ତ୍ତି ସ୍ୱରୂପ ଓ ଅକ୍ଷୟ ନିତ୍ୟସ୍ଥାୟୀ ଚିହ୍ନ ସ୍ୱରୂପ ହେବ।”
\s5
\c 56
\s ବିଜାତୀୟଙ୍କ ପରିତ୍ରାଣ
\p
\v 1 ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭେମାନେ ନ୍ୟାୟବିଚାର ପାଳନ କର; ଧର୍ମକର୍ମ କର; କାରଣ ଆମ୍ଭର ପରିତ୍ରାଣର ଆଗମନ ଓ ଆମ୍ଭ ଧର୍ମର ପ୍ରକାଶ ସନ୍ନିକଟ।
\v 2 ଯେଉଁ ମନୁଷ୍ୟ ଏହା କରେ ଓ ଯେଉଁ ମନୁଷ୍ୟ-ସନ୍ତାନ ଏହା ଦୃଢ଼ ରୂପେ ଅବଲମ୍ବନ କରେ; ଯେ ବିଶ୍ରାମବାର ପାଳନ କରି ତାହା ଅଶୁଚି ନ କରେ ଓ ସବୁ ପ୍ରକାର କୁକର୍ମରୁ ଆପଣା ହସ୍ତକୁ ନିବାରଣ କରେ, ସେ ଧନ୍ୟ।”
\s5
\v 3 “ନିଶ୍ଚୟ ସଦାପ୍ରଭୁ ଆପଣା ଲୋକମାନଙ୍କଠାରୁ ମୋତେ ପୃଥକ୍ କରିବେ,” ଏହା ସଦାପ୍ରଭୁଙ୍କଠାରେ ଆସକ୍ତ ବିଦେଶୀ ଲୋକ ନ କହୁ; ଅଥବା “ଦେଖ, ମୁଁ ଗୋଟିଏ ଶୁଷ୍କ ବୃକ୍ଷ, ଏହା ନପୁଂସକ ନ କହୁ।”
\s5
\v 4 କାରଣ, ନପୁଂସକମାନଙ୍କ ବିଷୟରେ ସଦାପ୍ରଭୁ ଏହି କଥା କହନ୍ତି, “ଯେଉଁମାନେ ଆମ୍ଭର ବିଶ୍ରାମଦିନ ପାଳନ କରନ୍ତି ଓ ଆମ୍ଭର ତୁଷ୍ଟିକର ବିଷୟ ମନୋନୀତ କରନ୍ତି ଓ ଆମ୍ଭର ନିୟମ ଅବଲମ୍ବନ କରନ୍ତି;
\v 5 ସେମାନଙ୍କୁ ଆମ୍ଭେ ଆମ୍ଭ ଗୃହ ମଧ୍ୟରେ ଓ ଆମ୍ଭ ପ୍ରାଚୀର ଭିତରେ ପୁତ୍ର କନ୍ୟା ଅପେକ୍ଷା ଉତ୍ତମ ସ୍ମରଣାର୍ଥକ ସ୍ତମ୍ଭ ଓ ନାମ ଦେବା; ଆମ୍ଭେ ସେମାନଙ୍କୁ ଅନନ୍ତକାଳସ୍ଥାୟୀ ନାମ ଦେବା, ତାହା କଟା ହେବ ନାହିଁ।”
\s5
\v 6 ଆହୁରି, ଯେଉଁ ବିଦେଶୀୟମାନେ ସଦାପ୍ରଭୁଙ୍କର ପରିଚର୍ଯ୍ୟା କରିବା ପାଇଁ ଓ ସଦାପ୍ରଭୁଙ୍କ ନାମକୁ ପ୍ରେମ କରିବା ପାଇଁ ଓ ତାହାଙ୍କର ଦାସ ହେବା ନିମନ୍ତେ ସଦାପ୍ରଭୁଙ୍କଠାରେ ଆସକ୍ତ ହୁଅନ୍ତି, ଅର୍ଥାତ୍‍, ଯେଉଁମାନେ ବିଶ୍ରାମଦିନ ପାଳନ କରି ତାହା ଅଶୁଚି ନ କରନ୍ତି ଓ ଆମ୍ଭର ନିୟମ ଅବଲମ୍ବନ କରନ୍ତି;
\v 7 ସେହି ସମସ୍ତଙ୍କୁ ଆମ୍ଭେ ଆପଣା ପବିତ୍ର ପର୍ବତକୁ ଆଣିବା ଓ ଆମ୍ଭର ପ୍ରାର୍ଥନାଗୃହରେ ସେମାନଙ୍କୁ ଆନନ୍ଦିତ କରିବା; ସେମାନଙ୍କର ହୋମବଳି ଓ ପ୍ରାୟଶ୍ଚିତ୍ତ ବଳିସବୁ ଆମ୍ଭ ଯଜ୍ଞବେଦି ଉପରେ ଗ୍ରାହ୍ୟ ହେବ; କାରଣ ଆମ୍ଭର ଗୃହ ସର୍ବଗୋଷ୍ଠୀୟ ଲୋକଙ୍କର ପ୍ରାର୍ଥନାଗୃହ ବୋଲି ବିଖ୍ୟାତ ହେବ।
\s5
\v 8 ଯେ ଇସ୍ରାଏଲର ଦୂରୀକୃତ ଲୋକଙ୍କୁ ସଂଗ୍ରହ କରନ୍ତି, ସେହି ପ୍ରଭୁ, ସଦାପ୍ରଭୁ କହନ୍ତି, “ତାହାର ସଂଗୃହୀତ ନିଜ ଲୋକ ଛଡ଼ା ଆମ୍ଭେ ଅନ୍ୟ ଲୋକମାନଙ୍କୁ ତାହା ନିକଟରେ ସଂଗ୍ରହ କରିବା।”
\s ଇସ୍ରାଏଲର ଦାୟିତ୍ୱହୀନ ନେତୃତ୍ୱ
\p
\s5
\v 9 ହେ କ୍ଷେତ୍ରସ୍ଥ ପଶୁସବୁ, ହେ ବନସ୍ଥ ସମସ୍ତ ପଶୁ, ତୁମ୍ଭେମାନେ ଗ୍ରାସ କରିବାକୁ ଆସ।
\v 10 ତାହାର ପ୍ରହରୀଗଣ ଅନ୍ଧ, ସେମାନେ ସମସ୍ତେ ଜ୍ଞାନହୀନ; ସେସମସ୍ତେ ଘୁଙ୍ଗା କୁକ୍କୁର, ସେମାନେ ଭୁକି ପାରନ୍ତି ନାହିଁ; ସେମାନେ ସ୍ୱପ୍ନଦର୍ଶୀ, ନିଦ୍ରାଳୁ, ଢୁଳାଇବାକୁ ଭଲ ପା’ନ୍ତି।
\s5
\v 11 ଆହୁରି, ସେହି କୁକ୍କୁରମାନେ ପେଟୁକ, ସେମାନେ କେବେ ତୃପ୍ତ ନୁହନ୍ତି; ଆଉ, ଏମାନେ ବିବେଚନାଶକ୍ତି ଶୂନ୍ୟ ପାଳକ; ସେସମସ୍ତେ ଚାରିଆଡ଼ରୁ ଆପଣା ଆପଣା ଲାଭ ଚେଷ୍ଟାରେ ଆପଣା ଆପଣା ବାଟ ଆଡ଼େ ଫେରିଅଛନ୍ତି।
\v 12 ପ୍ରତ୍ୟେକେ କହନ୍ତି, “ଆସ,” “ଆମ୍ଭେ ଦ୍ରାକ୍ଷାରସ ଆଣିବା ଓ ଆମ୍ଭେମାନେ ସୁରାପାନରେ ମତ୍ତ ହେବା; ପୁଣି, ଯେପରି ଆଜି, ସେହିପରି କାଲି ହେବ, ତାହା ଅପରିମିତ ମହାଦିନ ହେବ।”
\s5
\c 57
\s ଇସ୍ରାଏଲର ନିଷ୍ଫଳ ପ୍ରତିମା ପୂଜା
\p
\v 1 ଧାର୍ମିକ ଲୋକ ବିନଷ୍ଟ ହେଉଅଛି ଓ ସେ ବିଷୟରେ କେହି ମନୋଯୋଗ କରୁ ନାହିଁ; ପୁଣି, ଭକ୍ତ ଲୋକମାନେ ନିଆ ଯାଉଅଛନ୍ତି, ଧାର୍ମିକମାନେ ଯେ ଆସନ୍ତା ବିପଦରୁ ନିଆ ଯାଉଅଛନ୍ତି, ଏହା କେହି ବିବେଚନା କରୁ ନାହିଁ।
\v 2 ସେ ଶାନ୍ତିରେ ପ୍ରବେଶ କରେ; ସରଳପଥଗାମୀମାନେ ପ୍ରତ୍ୟେକେ ଆପଣା ଆପଣା ଶଯ୍ୟାରେ ବିଶ୍ରାମ କରନ୍ତି।
\s5
\v 3 ହେ ଗଣିକାର ପୁତ୍ରଗଣ, ପାରଦାରିକ ଓ ବେଶ୍ୟାର ବଂଶ, ତୁମ୍ଭେମାନେ ନିକଟକୁ ଆସ।
\v 4 ତୁମ୍ଭେମାନେ କାହାକୁ ଉପହାସ କରୁଅଛ ? ତୁମ୍ଭେମାନେ କାହାଆଡ଼େ ମୁଖ ମେଲାଇ ଜିହ୍ୱା ବାହାର କରୁଅଛ ? ତୁମ୍ଭେମାନେ କି ଅଧର୍ମର ସନ୍ତାନ ଓ ଅସତ୍ୟତାର ବଂଶ ନୁହଁ ?
\s5
\v 5 ତୁମ୍ଭେମାନେ ଅଲୋନ୍‍ ବୃକ୍ଷଗଣ ମଧ୍ୟରେ, ପ୍ରତ୍ୟେକ ହରିତ୍‍ପୂର୍ଣ୍ଣ ବୃକ୍ଷ ତଳେ ଆସକ୍ତିରୂପ ଅନଳରେ ଆପଣାମାନଙ୍କୁ କି ଉତ୍ତପ୍ତ କରୁ ନାହଁ; ତୁମ୍ଭେମାନେ ନାନା ଉପତ୍ୟକାରେ, ଶୈଳଗଣର ଫାଟ ତଳେ ସନ୍ତାନଗଣକୁ କି ବଧ କରୁ ନାହଁ ?
\s5
\v 6 ଉପତ୍ୟକାର ଚିକ୍‍କଣ ପ୍ରସ୍ତରସକଳ ମଧ୍ୟରେ ତୁମ୍ଭର ଅଂଶ, ସେହି ସବୁ ତୁମ୍ଭର ଅଧିକାର; ଆଉ, ସେମାନଙ୍କ ଉଦ୍ଦେଶ୍ୟରେ ତୁମ୍ଭେ ପେୟ-ନୈବେଦ୍ୟ ଢାଳିଅଛ, ନୈବେଦ୍ୟ ଉତ୍ସର୍ଗ କରିଅଛ। ଏହିସବୁ ସକାଶୁ ଆମ୍ଭେ କି ଶାନ୍ତ ହେବା ?
\s5
\v 7 ଉଚ୍ଚ ଓ ଉନ୍ନତ ପର୍ବତ ଉପରେ ତୁମ୍ଭେ ଆପଣା ଶଯ୍ୟା ପାତିଅଛ; ସେହି ସ୍ଥାନକୁ ମଧ୍ୟ ତୁମ୍ଭେ ବଳିଦାନ କରିବା ପାଇଁ ଯାଇଅଛ।
\v 8 ପୁଣି, କବାଟ ଓ ଚୌକାଠର ପଛରେ ତୁମ୍ଭେ ତୁମ୍ଭର ସ୍ମରଣାର୍ଥକ ସ୍ତମ୍ଭ ସ୍ଥାପନ କରିଅଛ; କାରଣ ତୁମ୍ଭେ ଆମ୍ଭ ଛଡ଼ା ଅନ୍ୟ ପ୍ରତି ଆପଣାକୁ ଅନାବୃତ କରି ଉପରକୁ ଯାଇଅଛ; ତୁମ୍ଭେ ଆପଣା ଶଯ୍ୟା ବଢ଼ାଇ ସେମାନଙ୍କ ସଙ୍ଗେ ନିୟମ କରିଅଛ; ତୁମ୍ଭେ ଯେଉଁଠାରେ ସେମାନଙ୍କ ଶଯ୍ୟା ଦେଖିଲ, ତାହା ଭଲ ପାଇଅଛ।
\s5
\v 9 ପୁଣି, ତୁମ୍ଭେ ତୈଳ ଘେନି ମଲେକ୍ ଦେବତା
\f +
\fr 57:9
\fq ମଲେକ୍ ଦେବତା
\ft କିମ୍ବା ରାଜା
\f* ନିକଟକୁ ଯାଇଅଛ ଓ ଆପଣା ସୁଗନ୍ଧି ଦ୍ରବ୍ୟ ବୃଦ୍ଧି କରିଅଛ, ଆଉ ତୁମ୍ଭେ ଦୂର ଦେଶକୁ ଆପଣା ଦୂତଗଣ ପଠାଇଅଛ ଓ ପାତାଳ ପର୍ଯ୍ୟନ୍ତ ଆପଣାକୁ ଅଧମ କରିଅଛ।
\v 10 ତୁମ୍ଭେ ଆପଣା ମାର୍ଗର ଦୀର୍ଘତା ହେତୁ କ୍ଳାନ୍ତ ହୋଇଥିଲ, ତଥାପି ଆଉ ଭରସା ନାହିଁ ବୋଲି କହିଲ ନାହିଁ; ତୁମ୍ଭର ବଳ ସତେଜ ହେଲା ବୋଲି ବୋଧ ପାଇଲ, ଏଥିପାଇଁ ତୁମ୍ଭେ କ୍ଳାନ୍ତ ହେଲ ନାହିଁ।
\s5
\v 11 ପୁଣି, କାହାର ସକାଶୁ ତୁମ୍ଭେ ଏପରି ତ୍ରାସଯୁକ୍ତା ଓ ଭୀତା ହୋଇଅଛ ଯେ, ତୁମ୍ଭେ ମିଥ୍ୟା କହୁଅଛ ଓ ଆମ୍ଭକୁ ସ୍ମରଣ କରି ନାହଁ, କିଅବା ଆପଣା ମନ ତହିଁରେ ଦେଇ ନାହଁ ? ଆମ୍ଭେ କି ଦୀର୍ଘକାଳ ନୀରବ ରହି ନାହୁଁ, ତେଣୁ ତୁମ୍ଭେ କି ଆମ୍ଭକୁ ଭୟ କରୁ ନାହଁ ?
\v 12 ଆମ୍ଭେ ତୁମ୍ଭର ଧାର୍ମିକତା ପ୍ରକାଶ କରିବା; ପୁଣି, ତୁମ୍ଭର କର୍ମସକଳ ତୁମ୍ଭର ଉପକାରୀ ହେବ ନାହିଁ।
\s5
\v 13 ତୁମ୍ଭେ ଯେଉଁମାନଙ୍କୁ ସଂଗ୍ରହ କରିଅଛ, ତୁମ୍ଭେ କାନ୍ଦିବା ବେଳେ ସେମାନେ ଉଦ୍ଧାର କରନ୍ତୁ; ମାତ୍ର ବାୟୁ ସେମାନଙ୍କୁ ଉଡ଼ାଇ ନେବ, ଏକ ନିଶ୍ୱାସ ସେସମସ୍ତଙ୍କୁ ନେଇ ଯିବ; କିନ୍ତୁ ଯେଉଁ ଲୋକ ଆମ୍ଭର ଶରଣ ନିଏ, ସେ ଦେଶ ଅଧିକାର କରିବ ଓ ଆମ୍ଭ ପବିତ୍ର ପର୍ବତର ଅଧିକାରୀ ହେବ।
\s ନମ୍ରମନା ପ୍ରତି ଈଶ୍ୱର ସହାୟ
\p
\s5
\v 14 ଆଉ, ସେ କହିବେ, “ତୁମ୍ଭେମାନେ ଉଚ୍ଚ କର, ଉଚ୍ଚ କର, ପଥ ପ୍ରସ୍ତୁତ କର, ଆମ୍ଭ ଲୋକମାନଙ୍କ ପଥରୁ ବିଘ୍ନ ଦୂର କର।”
\v 15 କାରଣ ଯେ ଅନନ୍ତ କାଳନିବାସୀ, ଯାହାଙ୍କର ନାମ ପବିତ୍ର, ସେହି ଉଚ୍ଚ ଓ ଉନ୍ନତ ପୁରୁଷ ଏହି କଥା କହନ୍ତି; “ଆମ୍ଭେ ଉର୍ଦ୍ଧ୍ୱ ଓ ପବିତ୍ର ସ୍ଥାନରେ ବାସ କରୁ, ମଧ୍ୟ ନମ୍ର ଲୋକମାନଙ୍କର ଆତ୍ମାକୁ ସଜୀବ ଓ ଚୂର୍ଣ୍ଣମନା ଲୋକମାନଙ୍କର ଅନ୍ତଃକରଣକୁ ସଜୀବ କରିବା ପାଇଁ ଆମ୍ଭେ ଚୂର୍ଣ୍ଣ ଓ ନମ୍ରମନା ଲୋକର ସଙ୍ଗରେ ହେଁ ବାସ କରୁ।
\s5
\v 16 କାରଣ ଆମ୍ଭେ ସର୍ବଦା ବିରୋଧ କରିବା ନାହିଁ, ଅଥବା ନିରନ୍ତର କ୍ରୋଧ କରିବା ନାହିଁ; କଲେ, ଆତ୍ମା ଓ ଆମ୍ଭ ନିର୍ମିତ ପ୍ରାଣୀସକଳ ଆମ୍ଭ ସମ୍ମୁଖରେ କ୍ଷୀଣ ହେବେ।
\v 17 ଆମ୍ଭେ ତାହାର ଲୋଭରୂପ ଅପରାଧ ହେତୁ କ୍ରୁଦ୍ଧ ହୋଇ ତାହାକୁ ଆଘାତ କଲୁ, ଆମ୍ଭେ ଆପଣା ମୁଖ ଲୁଚାଇ କ୍ରୁଦ୍ଧ ହେଲୁ, ତହିଁରେ ସେ ଅବାଧ୍ୟ ହୋଇ ଆପଣା ମନର ମାର୍ଗରେ ଚାଲିଲା।
\s5
\v 18 ଆମ୍ଭେ ତାହାର ଗତି ଦେଖିଅଛୁ ଓ ତାହାକୁ ସୁସ୍ଥ କରିବା; ମଧ୍ୟ ଆମ୍ଭେ ତାହାକୁ ପଥ କଢ଼ାଇବା, ପୁଣି ତାହାକୁ ଓ ତାହାର ଶୋକାକୁଳ ଲୋକମାନଙ୍କୁ ପୁନର୍ବାର ସାନ୍ତ୍ୱନା ଦେବା।
\v 19 ଆମ୍ଭେ ଓଷ୍ଠାଧରର ଫଳ ସୃଷ୍ଟି କରୁ; ସଦାପ୍ରଭୁ କହନ୍ତି, “ଦୂରବର୍ତ୍ତୀ ଓ ନିକଟବର୍ତ୍ତୀ ଲୋକ ପ୍ରତି ଶାନ୍ତି, ଶାନ୍ତି ହେଉ ଓ ଆମ୍ଭେ ତାହାକୁ ସୁସ୍ଥ କରିବା।”
\s5
\v 20 ମାତ୍ର ଦୁଷ୍ଟମାନେ ତରଙ୍ଗିତ ସମୁଦ୍ର ତୁଲ୍ୟ, କାରଣ ତାହା ସ୍ଥିର ହୋଇପାରେ ନାହିଁ, ଆଉ ତହିଁର ଜଳରେ ପଙ୍କ ଓ କାଦୁଅ ଉଠେ।
\v 21 ଆମ୍ଭର ପରମେଶ୍ୱର କହନ୍ତି, “ଦୁଷ୍ଟମାନଙ୍କର କିଛି ହିଁ ଶାନ୍ତି ନାହିଁ।”
\s5
\c 58
\s ପ୍ରକୃତ ଉପବାସ
\p
\v 1 ମୁକ୍ତ କଣ୍ଠରେ ଘୋଷଣା କର, ସ୍ୱର ଊଣା କର ନାହିଁ, ତୂରୀ ପରି ଆପଣା ରବ ଉଠାଅ, ଆମ୍ଭ ଲୋକମାନଙ୍କୁ ସେମାନଙ୍କ ଅଧର୍ମ ଓ ଯାକୁବ ବଂଶକୁ ସେମାନଙ୍କ ପାପସବୁ ଜଣାଅ।
\v 2 ତଥାପି ସେମାନେ ପ୍ରତିଦିନ ଆମ୍ଭର ଅନ୍ୱେଷଣ କରନ୍ତି ଓ ଆମ୍ଭ ପଥ ବିଷୟ ଜାଣିବାକୁ ସନ୍ତୁଷ୍ଟ ହୁଅନ୍ତି; ଯେଉଁ ଗୋଷ୍ଠୀୟ ଲୋକେ ଧର୍ମକର୍ମ କରନ୍ତି ଓ ଆପଣାମାନଙ୍କ ପରମେଶ୍ୱରଙ୍କର ବିଧାନ ତ୍ୟାଗ କରି ନାହାନ୍ତି, ସେମାନଙ୍କ ପରି ସେମାନେ ଧର୍ମ ବିଧାନ ବିଷୟ ଆମ୍ଭକୁ ପଚାରନ୍ତି ଓ ପରମେଶ୍ୱରଙ୍କର ନିକଟକୁ ଆସିବାକୁ ସନ୍ତୁଷ୍ଟ ହୁଅନ୍ତି।
\s5
\v 3 ସେମାନେ କୁହନ୍ତି, “ଆମ୍ଭେମାନେ କାହିଁକି ଉପବାସ କରିଅଛୁ ଓ ତୁମ୍ଭେ ଦୃଷ୍ଟି କରୁ ନାହଁ ?” ଆମ୍ଭେମାନେ କାହିଁକି ଆପଣା ଆପଣା ପ୍ରାଣକୁ କ୍ଲେଶ ଦେଇଅଛୁ ଓ ତୁମ୍ଭେ ମନୋଯୋଗ କରୁ ନାହଁ ? ଦେଖ, ତୁମ୍ଭେମାନେ ଉପବାସ ଦିନ ଆପଣା ସୁଖ ଚେଷ୍ଟା କରୁଅଛ ଓ ବଳପୂର୍ବକ ସବୁ ପରିଶ୍ରମ ନେଉଅଛ।
\s5
\v 4 ଦେଖ, ତୁମ୍ଭେମାନେ ବିବାଦ ଓ କଳହ ନିମନ୍ତେ, ଆଉ ଦୁଷ୍ଟତାରୂପ ମୁଷ୍ଟି ଦ୍ୱାରା ଆଘାତ କରିବା ନିମନ୍ତେ ଉପବାସ କରୁଅଛ; ତୁମ୍ଭମାନଙ୍କର ରବ ଉର୍ଦ୍ଧ୍ୱରେ ଯେପରି ଶୁଣାଯିବ, ଏପରି ଉପବାସ ଆଜି ତୁମ୍ଭେମାନେ କରୁ ନାହଁ।
\v 5 ଏହି ପ୍ରକାର ଉପବାସ, ମନୁଷ୍ୟ ଆପଣା ପ୍ରାଣକୁ କ୍ଲେଶ ଦେବା ନିମନ୍ତେ ଏହି ପ୍ରକାର ଦିନ, ଆମ୍ଭେ କ’ଣ ମନୋନୀତ କରିଅଛୁ ? ନଳବୃକ୍ଷ ପରି ମସ୍ତକ ନୁଆଁଇବାର, ପୁଣି ଚଟବସ୍ତ୍ର ଓ ଭସ୍ମ ଆପଣା ତଳେ ବିଛାଇବାର, ଏହାକୁ ତୁମ୍ଭେ ଉପବାସ ଓ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ କି ଗ୍ରାହ୍ୟ ଦିନ ବୋଲି କହିବ ?
\s5
\v 6 ଦୁଷ୍ଟତାରୂପ ବନ୍ଧନ ଫିଟାଇ ଦେବାର, ଯୁଆଳିର ବନ୍ଧନ ମୁକ୍ତ କରିବାର ଓ ଉପଦ୍ରବଗ୍ରସ୍ତ ଲୋକମାନଙ୍କୁ ମୁକ୍ତ କରି ଛାଡ଼ି ଦେବାର, ପୁଣି ପ୍ରତ୍ୟେକ ଯୁଆଳି ଭଗ୍ନ କରିବାର,
\v 7 କ୍ଷୁଧିତ ଲୋକକୁ ତୁମ୍ଭର ଖାଦ୍ୟ ବଣ୍ଟନ କରିବାର, ଓ ତାଡ଼ିତ ଦୁଃଖୀ ଲୋକକୁ ଆପଣା ଗୃହକୁ ଆଣିବାର, ତୁମ୍ଭେ ଉଲଙ୍ଗକୁ ଦେଖିଲେ, ତାହାକୁ ବସ୍ତ୍ର ପିନ୍ଧାଇବାର ଓ ତୁମ୍ଭର ନିଜ ବଂଶୀୟ ଲୋକଠାରୁ ଆପଣାକୁ ନ ଲୁଚାଇବାର, ଏହି ପ୍ରକାର ଉପବାସ ଆମ୍ଭେ କି ମନୋନୀତ କରି ନାହୁଁ ?
\s5
\v 8 ଏହା କଲେ, ଅରୁଣ ତୁଲ୍ୟ ତୁମ୍ଭର ଦୀପ୍ତି ପ୍ରକାଶ ପାଇବ ଓ ତୁମ୍ଭର ଆରୋଗ୍ୟ ଶୀଘ୍ର ଅଙ୍କୁରିତ ହେବ; ପୁଣି, ତୁମ୍ଭର ଧର୍ମ ତୁମ୍ଭର ଅଗ୍ରବର୍ତ୍ତୀ ହେବ; ସଦାପ୍ରଭୁଙ୍କର ପ୍ରତାପ ତୁମ୍ଭର ପଶ୍ଚାଦ୍‍ବର୍ତ୍ତୀ ହେବ।
\s5
\v 9 ସେତେବେଳେ ତୁମ୍ଭେ ଡାକିବ ଓ ସଦାପ୍ରଭୁ ଉତ୍ତର ଦେବେ; ତୁମ୍ଭେ ଆର୍ତ୍ତସ୍ୱର କରିବ, ଆଉ ସେ କହିବେ, “ଆମ୍ଭେ ଉପସ୍ଥିତ ଅଛୁ।” ଯଦି ତୁମ୍ଭେ ଆପଣା ମଧ୍ୟରୁ ଯୁଆଳି, ଅଙ୍ଗୁଳି ତର୍ଜ୍ଜନ ଓ ଅଧର୍ମ ବାକ୍ୟ ଦୂର କର;
\v 10 ପୁଣି, ଯଦି କ୍ଷୁଧିତର ପ୍ରତି ତୁମ୍ଭର ପ୍ରାଣ ଆକର୍ଷିତ ହୁଏ ଓ ତୁମ୍ଭେ ଦୁଃଖିତର ପ୍ରାଣକୁ ତୃପ୍ତ କର, ତେବେ ଅନ୍ଧକାରରେ ତୁମ୍ଭର ଦୀପ୍ତି ଉଦିତ ହେବ ଓ ତୁମ୍ଭର ଅନ୍ଧକାର ମଧ୍ୟାହ୍ନର ସମାନ ହେବ;
\s5
\v 11 ଆଉ, ସଦାପ୍ରଭୁ ନିତ୍ୟ ତୁମ୍ଭକୁ ପଥ କଢ଼ାଇ ନେବେ ଓ ମରୁଭୂମିରେ ତୁମ୍ଭ ପ୍ରାଣକୁ ତୃପ୍ତ କରିବେ ଓ ତୁମ୍ଭ ଅସ୍ଥିସକଳକୁ ବଳିଷ୍ଠ କରିବେ; ତହିଁରେ ତୁମ୍ଭେ ଜଳ ସିଞ୍ଚିତ ଉଦ୍ୟାନ ତୁଲ୍ୟ ଓ ଜଳାଭାବ ନ ଥିବା ନିର୍ଝର ତୁଲ୍ୟ ହେବ।
\s5
\v 12 ପୁଣି, ତୁମ୍ଭ ବଂଶୀୟ ଲୋକେ ପୁରାତନ ଉତ୍ସନ୍ନ ସ୍ଥାନସକଳ ପୁନଃନିର୍ମାଣ କରିବେ; ତୁମ୍ଭେ ପୂର୍ବ କାଳର ଅନେକ ଭିତ୍ତିମୂଳର ଉପରେ ଗାନ୍ଥିବ; ପୁଣି, “ଭଗ୍ନ-ପ୍ରାଚୀର ନିର୍ମାଣକାରୀ ଓ ନିବାସ ନିମନ୍ତେ ପୁନଃ ପଥ ସଂସ୍ଥାପନକାରୀ ବୋଲି ବିଖ୍ୟାତ ହେବ।”
\s ବିଶ୍ରାମବାର ବିଧି ପାଳନର ପୁରସ୍କାର
\p
\s5
\v 13 ତୁମ୍ଭେ ଯଦି ବିଶ୍ରାମବାର ଲଙ୍ଘନରୁ, ଆମ୍ଭ ପବିତ୍ର ଦିନରେ ନିଜ ଅଭିଳାଷ ଚେଷ୍ଟାରୁ ଆପଣା ପାଦ ଫେରାଅ; ପୁଣି, ବିଶ୍ରାମବାରକୁ ସୁଖଦାୟକ ଓ ସଦାପ୍ରଭୁଙ୍କ ପବିତ୍ର ଦିନକୁ ଆଦରଣୀୟ ବୋଲି କୁହ; ଆଉ, ନିଜ କାର୍ଯ୍ୟ ନ କରି ଅବା ନିଜ ଅଭିଳାଷର ଚେଷ୍ଟା ନ କରି ଅଥବା ନିଜ କଥା ନ କହି ତାହାକୁ ଆଦର କରିବ:
\s5
\v 14 ତେବେ ତୁମ୍ଭେ ସଦାପ୍ରଭୁଙ୍କଠାରେ ଆନନ୍ଦ କରିବ; ପୁଣି, ଆମ୍ଭେ ତୁମ୍ଭକୁ ପୃଥିବୀର ଉଚ୍ଚସ୍ଥଳୀମାନରେ ଆରୋହଣ କରାଇବା; ଆଉ, ତୁମ୍ଭ ପିତା ଯାକୁବର ଅଧିକାର ତୁମ୍ଭକୁ ଭୋଗ କରାଇବା : କାରଣ ସଦାପ୍ରଭୁଙ୍କର ମୁଖ ଏହା କହିଅଛି।
\s5
\c 59
\s ଲୋକଙ୍କ ଅପରାଧ ଓ ଅତ୍ୟାଚାର
\p
\v 1 ଦେଖ, ସଦାପ୍ରଭୁଙ୍କର ହସ୍ତ ଛୋଟ ହୋଇ ଯାଇ ନାହିଁ ଯେ, ତାହା ପରିତ୍ରାଣ କରି ନ ପାରେ, କିଅବା ତାହାଙ୍କର କର୍ଣ୍ଣ ଭାରୀ ହୋଇ ନାହିଁ, ଯେ ତାହା ଶୁଣି ନ ପାରେ।
\v 2 ମାତ୍ର ତୁମ୍ଭମାନଙ୍କର ଅପରାଧସବୁ, ତୁମ୍ଭମାନଙ୍କର ଓ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ମଧ୍ୟରେ ବିଚ୍ଛେଦ ଘଟାଇଅଛି ଓ ତୁମ୍ଭମାନଙ୍କର ପାପସବୁ ତୁମ୍ଭମାନଙ୍କଠାରୁ ତାହାଙ୍କ ମୁଖ ଲୁଚାଇଅଛି, ଏଥିପାଇଁ ସେ ଶୁଣିବେ ନାହିଁ।
\s5
\v 3 କାରଣ ତୁମ୍ଭମାନଙ୍କର ହସ୍ତ ରକ୍ତରେ ଓ ତୁମ୍ଭେମାନେ ମିଥ୍ୟା କହିଅଛ, ଓ ତୁମ୍ଭମାନଙ୍କର ଜିହ୍ୱା ଦୁଷ୍ଟତା ବକେ;
\v 4 କେହି ନ୍ୟାୟରେ ଗୁହାରି ଶୁଣେ ନାହିଁ ଓ କେହି ସତ୍ୟରେ ପ୍ରତିବାଦ କରେ ନାହିଁ; ସେମାନେ ଅସାରତାରେ ନିର୍ଭର କରନ୍ତି ଓ ମିଥ୍ୟା କଥା କହନ୍ତି; ସେମାନେ ଅନିଷ୍ଟକୁ ଗର୍ଭରେ ଧାରଣ କରନ୍ତି ଓ ଅପରାଧ ପ୍ରସବ କରନ୍ତି।
\s5
\v 5 ସେମାନେ କାଳସର୍ପର ଡିମ୍ବ ଫୁଟାନ୍ତି ଓ ମାକଡ଼ସାର ଜାଲ ବୁଣନ୍ତି; ଯେ ସେମାନଙ୍କର ଡିମ୍ବ ଖାଏ, ସେ ମରେ, ଆଉ ତାହା ଦଳିତ ହେଲେ ତହିଁରୁ କାଳସର୍ପ ବାହାର ହୁଏ।
\v 6 ସେମାନଙ୍କର ଜାଲ ବସ୍ତ୍ର ହେବ ନାହିଁ, କିଅବା ସେମାନେ ଆପଣା କର୍ମରେ ଆପଣାମାନଙ୍କୁ ଆଚ୍ଛାଦନ କରିବେ ନାହିଁ; ସେମାନଙ୍କର କର୍ମସବୁ ଅଧର୍ମର କର୍ମ ଓ ସେମାନଙ୍କ ହସ୍ତରେ ଦୌରାତ୍ମ୍ୟର କାର୍ଯ୍ୟ ଥାଏ।
\s5
\v 7 ସେମାନଙ୍କର ଚରଣ ଦୁଷ୍କର୍ମର ଆଡ଼େ ଦୌଡ଼େ ଓ ସେମାନେ ନିର୍ଦ୍ଦୋଷର ରକ୍ତପାତ କରିବାକୁ ବେଗଗାମୀ ହୁଅନ୍ତି; ସେମାନଙ୍କର ଚିନ୍ତାସବୁ ଅଧର୍ମର ଚିନ୍ତା; ସେମାନଙ୍କ ପଥରେ ଉଚ୍ଛିନ୍ନତା ଓ ବିନାଶ ଥାଏ।
\v 8 ଶାନ୍ତିର ବାଟ ସେମାନେ ଜାଣନ୍ତି ନାହିଁ ଓ ସେମାନଙ୍କ ମାର୍ଗରେ କୌଣସି ବିଚାର ନାହିଁ; ସେମାନେ ଆପଣାମାନଙ୍କ ପାଇଁ ବକ୍ର ପଥ କରିଅଛନ୍ତି; ଯେକେହି ତହିଁରେ ଗମନ କରେ, ସେ ଶାନ୍ତି ଜାଣେ ନାହିଁ।
\s5
\v 9 ଏନିମନ୍ତେ ବିଚାର ଆମ୍ଭମାନଙ୍କଠାରୁ ଦୂରରେ ଥାଏ, ଧାର୍ମିକତା ଆମ୍ଭମାନଙ୍କ ସଙ୍ଗ ଧରେ ନାହିଁ; ଆମ୍ଭେମାନେ ଦୀପ୍ତି ପାଇଁ ଅପେକ୍ଷା କରୁ, ମାତ୍ର ଦେଖ, ଅନ୍ଧକାର; ଆଲୁଅର ଅପେକ୍ଷା କରୁ, ମାତ୍ର ଆମ୍ଭେମାନେ ଅନ୍ଧାରରେ ଭ୍ରମଣ କରୁ।
\v 10 ଆମ୍ଭେମାନେ ଅନ୍ଧ ଲୋକ ପରି କାନ୍ଥ ପାଇଁ ଦରାଣ୍ଡି ହେଉ, ହଁ, ଚକ୍ଷୁହୀନ ଲୋକମାନଙ୍କ ପରି ଆମ୍ଭେମାନେ ଦରାଣ୍ଡି ହେଉ; ଆମ୍ଭେମାନେ ସନ୍ଧ୍ୟାବେଳ ପରି ମଧ୍ୟାହ୍ନ କାଳରେ ଝୁଣ୍ଟି ପଡ଼ୁ; ଆମ୍ଭେମାନେ ହୃଷ୍ଟପୁଷ୍ଟ ଲୋକଙ୍କ ମଧ୍ୟରେ ମୃତ ଲୋକଙ୍କ ପରି ଅଛୁ।
\s5
\v 11 ଆମ୍ଭେ ସମସ୍ତେ ଭଲ୍ଲୁକର ନ୍ୟାୟ ଗର୍ଜ୍ଜନ କରୁ ଓ ଘୁଘୁ ପରି ଅତିଶୟ ବିଳାପ କରୁ; ଆମ୍ଭେମାନେ ବିଚାରର ଅପେକ୍ଷା କରୁ, ମାତ୍ର ତାହା ନାହିଁ; ପରିତ୍ରାଣର ଅପେକ୍ଷା କରୁ, ମାତ୍ର ତାହା ଆମ୍ଭମାନଙ୍କଠାରୁ ଦୂରରେ ଅଛି।
\s5
\v 12 କାରଣ ତୁମ୍ଭ ସାକ୍ଷାତରେ ଆମ୍ଭମାନଙ୍କର ଅଧର୍ମ ବୃଦ୍ଧି ପାଇଅଛି ଓ ଆମ୍ଭମାନଙ୍କର ପାପ ଆମ୍ଭମାନଙ୍କ ବିରୁଦ୍ଧରେ ସାକ୍ଷ୍ୟ ଦେଉଅଛି; ଯେହେତୁ ଆମ୍ଭମାନଙ୍କର ଅଧର୍ମସବୁ ଆମ୍ଭମାନଙ୍କ ସଙ୍ଗେ ସଙ୍ଗେ ଅଛି ଓ ଆମ୍ଭମାନଙ୍କର ଅପରାଧସବୁ ଆମ୍ଭେମାନେ ତ ଜାଣୁ;
\v 13 ତାହା ଅପରାଧ ଓ ସଦାପ୍ରଭୁଙ୍କୁ ଅସ୍ୱୀକାର କରିବା ଓ ଆମ୍ଭମାନଙ୍କ ପରମେଶ୍ୱରଙ୍କ ପଶ୍ଚାଦ୍‍ଗମନରୁ ବିମୁଖ ହେବା, ଉପଦ୍ରବ ଓ ରାଜଦ୍ରୋହର କଥା କହିବା, ମିଥ୍ୟା କଥା ଧାରଣ କରି ଅନ୍ତଃକରଣରୁ ବାହାର କରିବାର ଅଟେ।
\s5
\v 14 ଏଥିପାଇଁ ବିଚାର ପଛକୁ ହଟି ଯାଇଅଛି ଓ ଧର୍ମ ଦୂରରେ ଠିଆ ହେଉଅଛି; ଛକସ୍ଥାନରେ ସତ୍ୟତାର ପତନ ହୋଇଅଛି ଓ ସରଳତା ପ୍ରବେଶ କରି ପାରୁ ନାହିଁ।
\v 15 ହଁ, ସତ୍ୟତାର ଅଭାବ ହୋଇଅଛି ଓ ଯେ ଦୁଷ୍କର୍ମ ତ୍ୟାଗ କରେ, ସେ ଆପଣାକୁ ଲୁଟିତ ସ୍ୱରୂପ କରେ; ପୁଣି, ସଦାପ୍ରଭୁ ଏହା ଦେଖିଲେ: ଆଉ, ନ୍ୟାୟବିଚାର ନ ଥିବାରୁ ଅସନ୍ତୁଷ୍ଟ ହେଲେ।
\s ବିଚାର ଏବଂ ଉଦ୍ଧାର
\p
\s5
\v 16 ଆହୁରି, ସେ ଦେଖିଲେ ଯେ, କୌଣସି ପୁରୁଷ ବର୍ତ୍ତମାନ ନାହିଁ, ପୁଣି ମଧ୍ୟସ୍ଥ କେହି ନାହିଁ ବୋଲି ଚମତ୍କୃତ ହେଲେ; ଏହେତୁ ତାହାଙ୍କର ନିଜ ବାହୁ ତାହାଙ୍କ ନିମନ୍ତେ ପରିତ୍ରାଣ ସାଧନ କଲା ଓ ତାହାଙ୍କର ଧାର୍ମିକତା ହିଁ ତାହାଙ୍କୁ ଧରି ରଖିଲା।
\s5
\v 17 ପୁଣି, ସେ ବୁକୁପଟା ରୂପେ ଧାର୍ମିକତା ଓ ପରିତ୍ରାଣର ଟୋପର ଆପଣାର ମସ୍ତକରେ ପିନ୍ଧିଲେ; ଆଉ, ସେ ପ୍ରତିଶୋଧରୂପ ବସ୍ତ୍ର ପରିଧାନ କଲେ ଓ ଉତ୍ତରୀୟ ବସ୍ତ୍ର ରୂପେ ଉଦ୍‍ଯୋଗରୂପ ବସ୍ତ୍ର ପିନ୍ଧିଲେ।
\v 18 ସେମାନଙ୍କର କର୍ମ ପ୍ରମାଣେ ସେ ଆପଣା ବିପକ୍ଷମାନଙ୍କୁ ପ୍ରଚଣ୍ଡ କୋପରୂପ ପ୍ରତିଦାନ ଓ ଆପଣା ଶତ୍ରୁମାନଙ୍କୁ ପ୍ରତିଫଳ ଦେବେ; ଦ୍ୱୀପସମୂହକୁ ପ୍ରତିଫଳ ଦାନ କରିବେ।
\s5
\v 19 ତହିଁରେ ଲୋକମାନେ ପଶ୍ଚିମ ଦିଗରୁ ସଦାପ୍ରଭୁଙ୍କ ନାମକୁ ଓ ସୂର୍ଯ୍ୟୋଦୟ ସ୍ଥାନରୁ ଲୋକମାନେ ତାହାଙ୍କର ପ୍ରତାପକୁ ଭୟ କରିବେ; କାରଣ ସଦାପ୍ରଭୁଙ୍କ ନିଃଶ୍ୱାସରେ ଚାଳିତ ପ୍ରବଳ ସ୍ରୋତପରି ଶତ୍ରୁ ମାଡ଼ି ଆସିବ।
\v 20 ପୁଣି, ସଦାପ୍ରଭୁ କହନ୍ତି, “ସିୟୋନକୁ ଓ ଯାକୁବ ମଧ୍ୟରେ ଯେଉଁମାନେ ଅଧର୍ମରୁ ଫେରନ୍ତି, ସେମାନଙ୍କ ନିକଟକୁ ଏକ ମୁକ୍ତିଦାତା ଆସିବେ।”
\s5
\v 21 ନିଜ ବିଷୟରେ ସଦାପ୍ରଭୁ କହନ୍ତି, “ସେମାନଙ୍କ ସହିତ ଆମ୍ଭର ନିୟମ ଏହି, ଆମ୍ଭର ଯେଉଁ ଆତ୍ମା ତୁମ୍ଭ ଉପରେ ଅଧିଷ୍ଠାନ କରନ୍ତି ଓ ଆମ୍ଭର ଯେସକଳ ବାକ୍ୟ ଆମ୍ଭେ ତୁମ୍ଭ ମୁଖରେ ରଖିଅଛୁ, ତାହା ତୁମ୍ଭ ମୁଖରୁ ଓ ତୁମ୍ଭ ବଂଶ ମୁଖରୁ ଓ ତୁମ୍ଭ ବଂଶୋତ୍ପନ୍ନ ବଂଶର ମୁଖରୁ ଆଜିଠାରୁ ଅନନ୍ତ କାଳ ପର୍ଯ୍ୟନ୍ତ ଦୂର କରାଯିବ ନାହିଁ,” ଏହା ସଦାପ୍ରଭୁ କହନ୍ତି।
\s5
\c 60
\s ଇସ୍ରାଏଲର ଭବିଷ୍ୟତ ଗୌରବ
\p
\v 1 ଉଠ, ଦୀପ୍ତିମତୀ ହୁଅ, କାରଣ ତୁମ୍ଭର ଦୀପ୍ତି ଉପସ୍ଥିତ ଓ ସଦାପ୍ରଭୁଙ୍କର ପ୍ରତାପ ତୁମ୍ଭ ଉପରେ ଉଦିତ ହୋଇଅଛି।
\s5
\v 2 କାରଣ, ଦେଖ, ଅନ୍ଧକାର ପୃଥିବୀକୁ ଓ ଘୋର ଅନ୍ଧକାର ଗୋଷ୍ଠୀବର୍ଗଙ୍କୁ ଆଚ୍ଛନ୍ନ କରିବ; ମାତ୍ର ତୁମ୍ଭ ଉପରେ ସଦାପ୍ରଭୁ ଉଦିତ ହେବେ ଓ ତାହାଙ୍କର ପ୍ରତାପ ତୁମ୍ଭ ଉପରେ ଦେଖାଯିବ।
\v 3 ପୁଣି, ଅନ୍ୟ ଦେଶୀୟମାନେ ତୁମ୍ଭର ଦୀପ୍ତି ନିକଟକୁ ଓ ରାଜାଗଣ ତୁମ୍ଭ ଅରୁଣୋଦୟର ଆଲୁଅ ନିକଟକୁ ଆସିବେ।
\s5
\v 4 ତୁମ୍ଭେ ଅନାଇ ଚତୁର୍ଦ୍ଦିଗ ଦେଖ, ସେମାନେ ସମସ୍ତେ ଏକତ୍ର ହେଉଅଛନ୍ତି, ସେମାନେ ତୁମ୍ଭ ନିକଟକୁ ଆସୁଅଛନ୍ତି; ତୁମ୍ଭର ପୁତ୍ରଗଣ ଦୂରରୁ ଆସିବେ ଓ ତୁମ୍ଭର କନ୍ୟାଗଣ ସେମାନଙ୍କ ବାହୁରେ ଅଣାଯିବେ।
\v 5 ସେତେବେଳେ ତୁମ୍ଭେ ତାହା ଦେଖି ଦୀପ୍ତିମାନ ହେବ ଓ ତୁମ୍ଭର ହୃଦୟ ଧୁକୁ ଧୁକୁ ହୋଇ ପ୍ରଫୁଲ୍ଲିତ ହେବ; କାରଣ ସମୁଦ୍ରର ଦ୍ରବ୍ୟରାଶି ତୁମ୍ଭଆଡ଼େ ଫେରାଯିବ, ଅନ୍ୟ ଦେଶୀୟମାନଙ୍କର ସମ୍ପତ୍ତି ତୁମ୍ଭ ନିକଟକୁ ଆସିବ।
\s5
\v 6 ଅପାର ଓଟ, ମିଦୀୟନ ଓ ଐଫାର ଦ୍ରୁତଗାମୀ-ଉଷ୍ଟ୍ର, ତୁମ୍ଭକୁ ଆବୃତ କରିବେ; ସେହି ସବୁ ଶିବା ଦେଶରୁ ଆସିବେ; ସେମାନେ ସୁବର୍ଣ୍ଣ, କୁନ୍ଦୁରୁ ଆଣିବେ ଓ ସଦାପ୍ରଭୁଙ୍କର ପ୍ରଶଂସା ପ୍ରଚାର କରିବେ।
\v 7 କେଦାରର ସମଗ୍ର ମେଷପଲ ତୁମ୍ଭ ନିକଟରେ ଏକତ୍ରୀକୃତ ହେବେ, ନବାୟୋତ୍‍ର ମେଷଗଣ ତୁମ୍ଭର ପରିଚର୍ଯ୍ୟା କରିବେ; ସେମାନେ ସୁଗ୍ରାହ୍ୟ ହୋଇ ଆମ୍ଭ ଯଜ୍ଞବେଦିର ଉପରକୁ ଆସିବେ, ପୁଣି ଆମ୍ଭେ ଆପଣାର ଭୂଷଣ ସ୍ୱରୂପ ଗୃହକୁ ଭୂଷିତ କରିବା।
\s5
\v 8 ମେଘର ନ୍ୟାୟ ଓ ଆପଣା ଆପଣା ଭାଡ଼ିକୁ ଉଡ଼ନ୍ତା କପୋତଗଣର ନ୍ୟାୟ ଉଡ଼ି ଆସୁଅଛନ୍ତି ଯେ ଏମାନେ, ଏମାନେ କିଏ ?
\v 9 ନିଶ୍ଚୟ ଦ୍ୱୀପସମୂହ ଆମ୍ଭର ଅପେକ୍ଷା କରିବେ, ପୁଣି ତର୍ଶୀଶ୍‍ର ଜାହାଜସକଳ ଅଗ୍ରଗାମୀ ହୋଇ ଆପଣା ଆପଣା ସଙ୍ଗରେ ସେମାନଙ୍କର ରୌପ୍ୟ ଓ ସୁବର୍ଣ୍ଣ ନେଇ, ତୁମ୍ଭ ସନ୍ତାନଗଣକୁ ଦୂରରୁ ଆଣି, ତୁମ୍ଭ ପରମେଶ୍ୱର ସଦାପ୍ରଭୁଙ୍କ ନାମ ନିମନ୍ତେ ଓ ଇସ୍ରାଏଲର ଧର୍ମସ୍ୱରୂପଙ୍କ ନିମନ୍ତେ ଆସିବେ, କାରଣ ସେ ତୁମ୍ଭକୁ ଶୋଭିତ କରିଅଛନ୍ତି।
\s5
\v 10 ପୁଣି, ବିଦେଶୀୟମାନେ ତୁମ୍ଭର ପ୍ରାଚୀର ନିର୍ମାଣ କରିବେ ଓ ସେମାନଙ୍କର ରାଜାଗଣ ତୁମ୍ଭର ପରିଚର୍ଯ୍ୟା କରିବେ; କାରଣ ଆମ୍ଭେ ଆପଣା କୋପରେ ତୁମ୍ଭକୁ ପ୍ରହାର କଲୁ, ମାତ୍ର ଆପଣା ଅନୁଗ୍ରହରେ ଆମ୍ଭେ ତୁମ୍ଭ ପ୍ରତି କରୁଣା କରିଅଛୁ।
\v 11 ଅନ୍ୟ ଦେଶୀୟମାନଙ୍କର ସମ୍ପତ୍ତି ଓ ତହିଁ ସଙ୍ଗେ ସେମାନଙ୍କର ରାଜାଗଣ ବନ୍ଦୀ ହୋଇ ଯେପରି ତୁମ୍ଭ ନିକଟକୁ ଅଣାଯିବେ, ଏଥିପାଇଁ ତୁମ୍ଭ ନଗରର ଦ୍ୱାରସକଳ ନିରନ୍ତର ମୁକ୍ତ ଥିବ, ଦିବାରାତ୍ର ସେହି ସବୁ ବନ୍ଦ ହେବ ନାହିଁ।
\s5
\v 12 କାରଣ ଯେଉଁ ଦେଶ ଓ ରାଜ୍ୟ ତୁମ୍ଭର ସେବା ନ କରିବ, ତାହା ବିନଷ୍ଟ ହେବ, ହଁ, ସେହି ଦେଶସକଳ ନିଃଶେଷ ରୂପେ ଧ୍ୱଂସିତ ହେବ।
\v 13 ଲିବାନୋନର ଗୌରବ ତୁମ୍ଭ ନିକଟକୁ ଆସିବ, ଦେବଦାରୁ, ତିଧର, ତାଶୂର ବୃକ୍ଷ ଏକତ୍ର ହୋଇ ଆମ୍ଭର ପବିତ୍ର ସ୍ଥାନ ସୁଶୋଭିତ କରିବା ପାଇଁ ଆସିବେ, ପୁଣି ଆମ୍ଭେ ଆପଣା ପାଦପୀଠର ସ୍ଥାନ ଗୌରବାନ୍ୱିତ କରିବା।
\s5
\v 14 ଆଉ, ଯେଉଁମାନେ ତୁମ୍ଭକୁ କ୍ଲେଶ ଦେଲେ, ସେମାନଙ୍କର ସନ୍ତାନଗଣ ନତ ହୋଇ ତୁମ୍ଭ ନିକଟକୁ ଆସିବେ ଓ ଯେଉଁମାନେ ତୁମ୍ଭକୁ ତୁଚ୍ଛ କଲେ, ସେମାନେ ସମସ୍ତେ ତୁମ୍ଭ ପଦ ତଳେ ପ୍ରଣାମ କରିବେ; ଆଉ, ସେମାନେ ତୁମ୍ଭକୁ ସଦାପ୍ରଭୁଙ୍କର ନଗରୀ, ଇସ୍ରାଏଲର ଧର୍ମସ୍ୱରୂପଙ୍କର ସିୟୋନ ବୋଲି ସମ୍ବୋଧନ କରିବେ।
\s5
\v 15 ତୁମ୍ଭେ ପରିତ୍ୟକ୍ତା ଓ ଘୃଣିତା ହେବାରୁ କେହି ତୁମ୍ଭର ମଧ୍ୟ ଦେଇ ଯାତାୟାତ କଲା ନାହିଁ, ତହିଁର ପରିବର୍ତ୍ତେ ଆମ୍ଭେ ତୁମ୍ଭକୁ ଅନନ୍ତ କାଳସ୍ଥାୟୀ ଗୌରବ ଓ ଅନେକ ପୁରୁଷ ପରମ୍ପରାର ଆନନ୍ଦ ସ୍ୱରୂପ କରିବା।
\v 16 ତୁମ୍ଭେ ଅନ୍ୟ ଦେଶୀୟମାନଙ୍କର ଦୁଗ୍ଧ ପାନ କରିବ ଓ ରାଜାଗଣର ସ୍ତନ ଚୁଷିବ; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ତୁମ୍ଭର ତ୍ରାଣକର୍ତ୍ତା ଓ ତୁମ୍ଭର ମୁକ୍ତିଦାତା, ଯାକୁବର ବଳଦାତା ଅଟୁ, ଏହା ତୁମ୍ଭେ ଜାଣିବ।
\s5
\v 17 ଆମ୍ଭେ ପିତ୍ତଳର ପାଲଟେ ସୁବର୍ଣ୍ଣ ଆଣିବା ଓ ଲୁହାର ପାଲଟେ ରୂପା, କାଷ୍ଠର ପାଲଟେ ପିତ୍ତଳ ଓ ପ୍ରସ୍ତର ପାଲଟେ ଲୁହା ଆଣିବା; ଆହୁରି, ଆମ୍ଭେ ତୁମ୍ଭର ଅଧ୍ୟକ୍ଷ ପଦରେ ଶାନ୍ତିକୁ ଓ ତୁମ୍ଭର ଅଧିକାରୀ ପଦରେ ଧାର୍ମିକତାକୁ ନିଯୁକ୍ତ କରିବା।
\v 18 ତୁମ୍ଭ ଦେଶରେ ଦୌରାତ୍ମ୍ୟର କଥା ଓ ତୁମ୍ଭର ସୀମା ମଧ୍ୟରେ ଉଚ୍ଛିନ୍ନତା ଓ ବିନାଶର କଥା ଆଉ ଶୁଣାଯିବ ନାହିଁ; ମାତ୍ର ତୁମ୍ଭେ ଆପଣା ପ୍ରାଚୀରସମୂହର ନାମ ପରିତ୍ରାଣ ଓ ଆପଣା ନଗରଦ୍ୱାରସକଳର ନାମ ପ୍ରଶଂସା ରଖିବ।
\s5
\v 19 ଦିବସରେ ସୂର୍ଯ୍ୟ ତୁମ୍ଭର ଜ୍ୟୋତିଃ ଆଉ ହେବ ନାହିଁ, କିଅବା ଆଲୁଅ ନିମନ୍ତେ ଚନ୍ଦ୍ର ତୁମ୍ଭକୁ ଜ୍ୟୋତ୍ସ୍ନା ଦେବ ନାହିଁ; ମାତ୍ର ସଦାପ୍ରଭୁ ତୁମ୍ଭ ପ୍ରତି ଅନନ୍ତ କାଳସ୍ଥାୟୀ ଜ୍ୟୋତିଃ ଓ ତୁମ୍ଭର ପରମେଶ୍ୱର ତୁମ୍ଭର ଗୌରବସ୍ୱରୂପ ହେବେ।
\v 20 ତୁମ୍ଭର ସୂର୍ଯ୍ୟ ଆଉ ଅସ୍ତଗତ ହେବ ନାହିଁ, କିଅବା ତୁମ୍ଭର ଚନ୍ଦ୍ର ଆପଣାକୁ ରହିତ କରିବ ନାହିଁ; କାରଣ ସଦାପ୍ରଭୁ ତୁମ୍ଭର ଅନନ୍ତକାଳସ୍ଥାୟୀ ଜ୍ୟୋତିଃସ୍ୱରୂପ ହେବେ ଓ ତୁମ୍ଭର ଶୋକର ଦିନ ଶେଷ ହେବ।
\s5
\v 21 ମଧ୍ୟ ତୁମ୍ଭର ଲୋକ ସମସ୍ତେ ଧାର୍ମିକ ହେବେ, ସେମାନେ ଅନନ୍ତକାଳ ପର୍ଯ୍ୟନ୍ତ ଦେଶ ଅଧିକାର କରିବେ, ସେମାନେ ଆମ୍ଭର ଗୌରବାର୍ଥେ ଆମ୍ଭର ରୋପିତ ଶାଖା ଓ ଆମ୍ଭର ହସ୍ତକୃତ କର୍ମ ଅଟନ୍ତି।
\v 22 କ୍ଷୁଦ୍ର ଜଣକ ସହସ୍ର ହେବ ଓ ସାନ ଜଣକ ବଳବାନ ଗୋଷ୍ଠୀ ହେବ; ଆମ୍ଭେ ସଦାପ୍ରଭୁ ଯଥାକାଳରେ ଏହା ଶୀଘ୍ର ଘଟାଇବା।
\s5
\c 61
\s ମୁକ୍ତିର ଶୁଭ ସମ୍ବାଦ
\p
\v 1 ପ୍ରଭୁ ସଦାପ୍ରଭୁଙ୍କର ଆତ୍ମା ମୋ’ଠାରେ ଅଧିଷ୍ଠାନ କରନ୍ତି; କାରଣ ନମ୍ର ଲୋକମାନଙ୍କ ନିକଟରେ ସୁସମାଚାର ପ୍ରଚାର କରିବା ପାଇଁ ସଦାପ୍ରଭୁ ମୋତେ ଅଭିଷିକ୍ତ କରିଅଛନ୍ତି; ସେ ଭଗ୍ନାନ୍ତଃକରଣ ଲୋକମାନଙ୍କର କ୍ଷତ ବାନ୍ଧିବାକୁ, ବନ୍ଦୀ ଲୋକମାନଙ୍କ ପ୍ରତି ମୁକ୍ତି ଓ କାରାବଦ୍ଧ ଲୋକମାନଙ୍କ ପ୍ରତି କାରାଗାର ମୁକ୍ତ ହେବାର କଥା ପ୍ରଚାର କରିବାକୁ;
\s5
\v 2 ସଦାପ୍ରଭୁଙ୍କର ଗ୍ରାହ୍ୟ ବର୍ଷ ଓ ଆମ୍ଭମାନଙ୍କ ପରମେଶ୍ୱରଙ୍କର ପ୍ରତିଶୋଧର ଦିନ ଘୋଷଣା କରିବାକୁ; ଶୋକାର୍ତ୍ତ ସମସ୍ତଙ୍କୁ ସାନ୍ତ୍ୱନା କରିବାକୁ;
\s5
\v 3 ସିୟୋନର ଶୋକାର୍ତ୍ତ ଲୋକମାନଙ୍କ ପାଇଁ ନିରୂପଣ କରିବାକୁ, ଅର୍ଥାତ୍‍, ଭସ୍ମର ପରିବର୍ତ୍ତେ ଭୂଷଣ, ଦୁଃଖର ପରିବର୍ତ୍ତେ ସୁଖରୂପ ତୈଳ, ଅବସନ୍ନ ଆତ୍ମାର ପରିବର୍ତ୍ତେ ପ୍ରଶଂସାରୂପ ବସ୍ତ୍ର ପ୍ରଦାନ କରିବାକୁ ସେ ମୋତେ ପ୍ରେରଣ କରିଅଛନ୍ତି; ତହିଁରେ ସଦାପ୍ରଭୁ ଯେପରି ଗୌରବାନ୍ୱିତ ହେବେ, ଏଥିପାଇଁ ସେମାନେ ଧର୍ମରୂପ ବୃକ୍ଷ ଓ ତାହାଙ୍କର ଉଦ୍ୟାନ ବୋଲି ବିଖ୍ୟାତ ହେବେ।
\s5
\v 4 ପୁଣି, ସେମାନେ ପୁରାତନ ଧ୍ୱଂସିତ ସ୍ଥାନ ସବୁ ନିର୍ମାଣ କରିବେ, ପୂର୍ବ କାଳର ନଷ୍ଟ ସ୍ଥାନ ସବୁ ଉଠାଇବେ, ଆଉ ସେମାନେ ଧ୍ୱଂସିତ ଓ ଅନେକ ପୁରୁଷ ପରମ୍ପରାର ନଷ୍ଟ ନଗରସକଳ ନୂତନ କରିବେ।
\v 5 ପୁଣି, ଅପରିଚିତ ଲୋକମାନେ ତୁମ୍ଭମାନଙ୍କର ପଲ ଚରାଇବା ପାଇଁ ଠିଆ ହେବେ ଓ ବିଦେଶୀୟମାନେ ତୁମ୍ଭମାନଙ୍କର ଶସ୍ୟକ୍ଷେତ୍ରର ଓ ଦ୍ରାକ୍ଷାକ୍ଷେତ୍ରର କୃଷକ ହେବେ।
\s5
\v 6 ମାତ୍ର ତୁମ୍ଭେମାନେ ସଦାପ୍ରଭୁଙ୍କର ଯାଜକ ବୋଲି ବିଖ୍ୟାତ ହେବ; ଲୋକମାନେ ତୁମ୍ଭମାନଙ୍କୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ପରିଚାରକ ବୋଲି ଡାକିବେ; ତୁମ୍ଭେମାନେ ଅନ୍ୟ ଦେଶୀୟମାନଙ୍କ ସମ୍ପତ୍ତି ଭୋଗ କରିବ ଓ ସେମାନଙ୍କ ଐଶ୍ୱର୍ଯ୍ୟରେ ତୁମ୍ଭେମାନେ ଦର୍ପ କରିବ।
\v 7 ତୁମ୍ଭେମାନେ ଲଜ୍ଜାର ପରିବର୍ତ୍ତେ ଦୁଇ ଗୁଣ ସମ୍ମାନ ପାଇବ; ପୁଣି, ଅପମାନର ପରିବର୍ତ୍ତେ ସେମାନେ ଆପଣା ଆପଣା ଅଧିକାରରେ ଆନନ୍ଦ କରିବେ; ଏନିମନ୍ତେ ସେମାନେ ଆପଣାମାନଙ୍କ ଦେଶରେ ଦୁଇ ଗୁଣ ଅଂଶ ପାଇବେ; ସେମାନଙ୍କର ଅନନ୍ତକାଳସ୍ଥାୟୀ ଆହ୍ଲାଦ ହେବ।
\s5
\v 8 କାରଣ ଆମ୍ଭେ ସଦାପ୍ରଭୁ ନ୍ୟାୟବିଚାର ଭଲ ପାଉ, ଆମ୍ଭେ ଅଧର୍ମଯୁକ୍ତ ଅପହରଣ ଘୃଣା କରୁ; ଆଉ, ଆମ୍ଭେ ସତ୍ୟରେ ସେମାନଙ୍କୁ ପ୍ରତିଫଳ ଦେବା ଓ ସେମାନଙ୍କ ସହିତ ଅନନ୍ତକାଳସ୍ଥାୟୀ ଏକ ନିୟମ କରିବା।
\v 9 ପୁଣି, ସେମାନଙ୍କ ବଂଶ ଅନ୍ୟ ଦେଶୀୟମାନଙ୍କ ମଧ୍ୟରେ ଓ ସେମାନଙ୍କ ସନ୍ତାନଗଣ ଗୋଷ୍ଠୀସମୂହର ମଧ୍ୟରେ ବିଖ୍ୟାତ ହେବେ; ସେମାନେ ସଦାପ୍ରଭୁଙ୍କର ଆଶୀର୍ବାଦପ୍ରାପ୍ତ ବଂଶ ବୋଲି ସେମାନଙ୍କୁ ଦେଖିବା ଲୋକ ସମସ୍ତେ ସ୍ୱୀକାର କରିବେ।
\s5
\v 10 ମୁଁ ସଦାପ୍ରଭୁଙ୍କଠାରେ ଅତିଶୟ ଆନନ୍ଦ କରିବି; ମୋର ପ୍ରାଣ ମୋ’ ପରମେଶ୍ୱରଙ୍କଠାରେ ଉଲ୍ଲସିତ ହେବ; କାରଣ ବର ଯେପରି ଭୂଷଣରେ ଆପଣାକୁ ଭୂଷିତ କରେ ଓ କନ୍ୟା ଯେପରି ଆପଣା ରତ୍ନରେ ଆପଣାକୁ ଭୂଷିତା କରେ, ସେହିପରି ସେ ପରିତ୍ରାଣରୂପ ବସ୍ତ୍ରରେ ମୋତେ ବସ୍ତ୍ରାନ୍ୱିତ କରିଅଛନ୍ତି ଓ ଧର୍ମରୂପ ରାଜବସ୍ତ୍ରରେ ମୋତେ ଆଚ୍ଛାଦିତ କରିଅଛନ୍ତି।
\v 11 କାରଣ ଭୂମି ଯେପରି ଆପଣା ଅଙ୍କୁର ବାହାର କରେ ଓ ଉଦ୍ୟାନ ଯେପରି ଆପଣା ମଧ୍ୟରେ ବୁଣାଯିବା ପଦାର୍ଥସବୁ ଅଙ୍କୁରିତ କରେ, ସେହିପରି ପ୍ରଭୁ ସଦାପ୍ରଭୁ ସମଗ୍ର ଦେଶୀୟମାନଙ୍କ ସାକ୍ଷାତରେ ଧର୍ମ ଓ ପ୍ରଶଂସା ଅଙ୍କୁରିତ କରିବେ।
\s5
\c 62
\s ସିୟୋନର ଭବିଷ୍ୟତ ପରିତ୍ରାଣ
\p
\v 1 ଯେପର୍ଯ୍ୟନ୍ତ ସିୟୋନର ଧର୍ମ ଦୀପ୍ତିର ନ୍ୟାୟ ଓ ତାହାର ପରିତ୍ରାଣ ଜ୍ୱଳନ୍ତ ପ୍ରଦୀପର ନ୍ୟାୟ ପ୍ରକଟ ନ ହୁଏ, ସେପର୍ଯ୍ୟନ୍ତ ଆମ୍ଭେ ତାହା ନିମନ୍ତେ ନୀରବ ହେବା ନାହିଁ ଓ ଯିରୂଶାଲମ ନିମନ୍ତେ ବିଶ୍ରାମ କରିବା ନାହିଁ।
\v 2 ପୁଣି, ଅନ୍ୟ ଦେଶୀୟମାନେ ତୁମ୍ଭର ଧର୍ମ ଓ ସକଳ ରାଜା ତୁମ୍ଭର ପ୍ରତାପ ଦେଖିବେ; ଆଉ, ତୁମ୍ଭେ ସଦାପ୍ରଭୁଙ୍କ ମୁଖ ଦ୍ୱାରା ଏକ ନୂତନ ନାମରେ ଖ୍ୟାତ ହେବ।
\s5
\v 3 ଆହୁରି, ତୁମ୍ଭେ ସଦାପ୍ରଭୁଙ୍କ ହସ୍ତରେ ଗୋଟିଏ ସୁନ୍ଦର ମୁକୁଟ ସ୍ୱରୂପ ଓ ତୁମ୍ଭ ପରମେଶ୍ୱରଙ୍କ ହସ୍ତରେ ଗୋଟିଏ ରାଜକିରୀଟ ସ୍ୱରୂପ ହେବ।
\v 4 ତୁମ୍ଭେ “ପରିତ୍ୟକ୍ତା” ବୋଲି ଆଉ ନାମ ପାଇବ ନାହିଁ, କିଅବା ତୁମ୍ଭର ଦେଶ “ଅନାଥା” ବୋଲି ଆଉ ଡକାଯିବ ନାହିଁ; ମାତ୍ର “ତୁମ୍ଭେ ହିପ୍‍ସୀବା (ସନ୍ତୋଷଜନିକା) ଓ ତୁମ୍ଭର ଦେଶ ବୀୟଲା (ବିବାହିତା)” ନାମରେ ଖ୍ୟାତ ହେବ; କାରଣ ସଦାପ୍ରଭୁ ତୁମ୍ଭଠାରେ ସନ୍ତୋଷ ପାଆନ୍ତି ଓ ତୁମ୍ଭ ଦେଶ ବିବାହିତା ହେବ।
\s5
\v 5 ଯୁବାଲୋକ ଯେପରି କୁମାରୀକୁ ବିବାହ କରେ, ସେହିପରି ତୁମ୍ଭର ପୁତ୍ରଗଣ ତୁମ୍ଭକୁ ବିବାହ କରିବେ; ପୁଣି ବର ଯେପରି କନ୍ୟାଠାରେ ଆନନ୍ଦ କରେ, ସେହିପରି ତୁମ୍ଭର ପରମେଶ୍ୱର ତୁମ୍ଭଠାରେ ଆନନ୍ଦ କରିବେ।
\s5
\v 6 ହେ ଯିରୂଶାଲମ, ଆମ୍ଭେ ତୁମ୍ଭ ପ୍ରାଚୀର ଉପରେ ପ୍ରହରୀଗଣ ନିଯୁକ୍ତ କରିଅଛୁ; ସେମାନେ ଦିନ କି ରାତି କଦାପି ନୀରବ ହେବେ ନାହିଁ।
\v 7 ହେ ସଦାପ୍ରଭୁଙ୍କୁ ସ୍ମରଣ କରାଇବା ଲୋକମାନେ, ସେ ଯେପର୍ଯ୍ୟନ୍ତ ଯିରୂଶାଲମକୁ ସ୍ଥାପନ ନ କରନ୍ତି ଓ ପୃଥିବୀ ମଧ୍ୟରେ ତାହାକୁ ପ୍ରଶଂସାର ପାତ୍ର ନ କରନ୍ତି, ସେପର୍ଯ୍ୟନ୍ତ ତୁମ୍ଭେମାନେ ବିଶ୍ରାମ କର ନାହିଁ, କି ତାହାଙ୍କୁ ବିଶ୍ରାମ କରିବାକୁ ଦିଅ ନାହିଁ।
\s5
\v 8 ସଦାପ୍ରଭୁ ଆପଣାର ଡାହାଣ ହସ୍ତ ଓ ବଳବାନ ବାହୁ ଦ୍ୱାରା ଶପଥ କରିଅଛନ୍ତି, “ନିଶ୍ଚୟ ଆମ୍ଭେ ତୁମ୍ଭର ଶସ୍ୟ ତୁମ୍ଭ ଶତ୍ରୁଗଣର ଖାଦ୍ୟ ନିମନ୍ତେ ଆଉ ଦେବା ନାହିଁ ଓ ଯହିଁ ନିମନ୍ତେ ତୁମ୍ଭେ ପରିଶ୍ରମ କରିଅଛ, ତୁମ୍ଭର ସେହି ଦ୍ରାକ୍ଷାରସ ବିଦେଶୀମାନେ ଆଉ ପାନ କରିବେ ନାହିଁ।
\v 9 ମାତ୍ର ଯେଉଁମାନେ ତାହା ସଞ୍ଚୟ କରିଅଛନ୍ତି, ସେମାନେ ତାହା ଭୋଜନ କରି ସଦାପ୍ରଭୁଙ୍କର ପ୍ରଶଂସା କରିବେ ଓ ଯେଉଁମାନେ ତାହା ସଂଗ୍ରହ କରିଅଛନ୍ତି, ସେମାନେ ଆମ୍ଭ ପବିତ୍ର ସ୍ଥାନର ପ୍ରାଙ୍ଗଣ ମଧ୍ୟରେ ତାହା ପାନ କରିବେ।”
\s5
\v 10 ତୁମ୍ଭେମାନେ ଅଗ୍ରସର ହୁଅ, ନଗର ଦ୍ୱାର ମଧ୍ୟ ଦେଇ ଅଗ୍ରସର ହୁଅ; ଲୋକମାନଙ୍କର ପଥ ପ୍ରସ୍ତୁତ କର; ଉଚ୍ଚ କର, ରାଜପଥ ଉଚ୍ଚ କର; ପ୍ରସ୍ତରସବୁ ବାହାର କରି ସଂଗ୍ରହ କର; ଗୋଷ୍ଠୀସମୂହ ନିମନ୍ତେ ଏକ ଧ୍ୱଜା ଉଠାଅ।
\s5
\v 11 ଦେଖ, ସଦାପ୍ରଭୁ ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ ଏହା ଘୋଷଣା କରିଅଛନ୍ତି, “ତୁମ୍ଭେମାନେ ସିୟୋନର କନ୍ୟାକୁ କୁହ, ଦେଖ, ତୁମ୍ଭର ପରିତ୍ରାଣ ଆସୁଅଛି, ଦେଖ, ତାହାଙ୍କ ପୁରସ୍କାର ତାହାଙ୍କ ସଙ୍ଗରେ ଅଛି ଓ ତାହାଙ୍କ ପ୍ରତିଦାନ ତାହାଙ୍କ ସମ୍ମୁଖରେ ଅଛି।”
\v 12 ପୁଣି, ଲୋକମାନେ ସେମାନଙ୍କୁ “ପବିତ୍ର ଲୋକ,” “ସଦାପ୍ରଭୁଙ୍କର ମୁକ୍ତ ବୋଲି ଡାକିବେ,” ଆଉ, ତୁମ୍ଭେ “ଅନ୍ୱେଷିତା,” “ଅପରିତ୍ୟକ୍ତା ନଗରୀ” ବୋଲି ଖ୍ୟାତ ହେବ।
\s5
\c 63
\s ସଦାପ୍ରଭୁଙ୍କ ପ୍ରତିଶୋଧର ଦିନ
\p
\v 1 ଇଦୋମରୁ ରଙ୍ଗୀକୃତ ବସ୍ତ୍ର ପିନ୍ଧି ବସ୍ରାରୁ ଏ ଯେ ଆସୁଅଛନ୍ତି, ସେ କିଏ ? ଆପଣା ପରିଧେୟ ବସ୍ତ୍ରରେ ଗୌରବାନ୍ୱିତ ଓ ଆପଣା ମହାଶକ୍ତିରେ ବିଜେ କରୁଅଛନ୍ତି ଯେ ଏ, ସେ କିଏ ? ଆମ୍ଭେ ଯେ ଧର୍ମବାଦୀ ଓ ପରିତ୍ରାଣ କରିବାକୁ ସମର୍ଥ ଅଟୁ।
\v 2 ଆପଣଙ୍କର ପରିଧେୟ ବସ୍ତ୍ର ରକ୍ତବର୍ଣ୍ଣ ଓ କୁଣ୍ଡରେ ଦ୍ରାକ୍ଷାମର୍ଦ୍ଦନକାରୀର ବସ୍ତ୍ର ପରି କାହିଁକି ?
\s5
\v 3 ଆମ୍ଭେ ଏକାକୀ ଦ୍ରାକ୍ଷାମର୍ଦ୍ଦନ କରିଅଛୁ ଓ ଲୋକମାନଙ୍କ ମଧ୍ୟରୁ ଆମ୍ଭ ସଙ୍ଗେ କେହି ନ ଥିଲା; ଆମ୍ଭେ ଆପଣା କ୍ରୋଧରେ ସେମାନଙ୍କୁ ଦଳନ କଲୁ ଓ ଆପଣା କୋପରେ ସେମାନଙ୍କୁ ମର୍ଦ୍ଦନ କଲୁ; ଏଣୁ ସେମାନଙ୍କ ପ୍ରାଣରକ୍ତର ଛିଟା ଆମ୍ଭ ବସ୍ତ୍ରରେ ପଡ଼ିଲା ଓ ଆମ୍ଭେ ଆପଣାର ପରିହିତ ବସ୍ତ୍ରସବୁ ଦାଗଯୁକ୍ତ କରିଅଛୁ।
\v 4 କାରଣ ପ୍ରତିଶୋଧର ଦିନ ଆମ୍ଭ ଚିତ୍ତରେ ଥିଲା ଓ ଆମ୍ଭ ମୁକ୍ତ ଲୋକମାନଙ୍କର ବର୍ଷ ଉପସ୍ଥିତ ହୋଇଅଛି।
\s5
\v 5 ପୁଣି, ଆମ୍ଭେ ଅନାଇଲୁ, ଆଉ ସାହାଯ୍ୟ କରିବାକୁ କେହି ନ ଥିଲା ଓ ସହାୟ ହେବାକୁ କେହି ନ ଥିବାରୁ ଆମ୍ଭେ ଚମତ୍କୃତ ହେଲୁ; ଏନିମନ୍ତେ ଆମ୍ଭ ନିଜ ବାହୁ ଆମ୍ଭ ନିକଟକୁ ପରିତ୍ରାଣ ଆଣିଲା ଓ ଆମ୍ଭର କୋପ ଆମ୍ଭର ସହାୟତା କଲା।
\v 6 ପୁଣି, ଆମ୍ଭେ ଆପଣା କ୍ରୋଧରେ ଲୋକମାନଙ୍କୁ ଦଳି ପକାଇଲୁ ଓ ଆମ୍ଭ କୋପରେ ସେମାନଙ୍କୁ ମତ୍ତ କରାଇଲୁ, ପୁଣି ଭୂମିରେ ସେମାନଙ୍କ ପ୍ରାଣରକ୍ତ ଢାଳି ପକାଇଲୁ।
\s ଇସ୍ରାଏଲ ପ୍ରତି ସଦାପ୍ରଭୁଙ୍କ ଅନୁଗ୍ରହ
\p
\s5
\v 7 ଆମ୍ଭେ ସଦାପ୍ରଭୁଙ୍କର ସ୍ନେହପୂର୍ଣ୍ଣ କରୁଣାସବୁ କୀର୍ତ୍ତନ କରିବା ଓ ସଦାପ୍ରଭୁ ଆମ୍ଭମାନଙ୍କର ଯେଉଁ ସବୁ ଉପକାର କରିଅଛନ୍ତି, ପୁଣି ଆପଣାର ନାନାବିଧ ଦୟା ଓ ପ୍ରଚୁର ସ୍ନେହପୂର୍ଣ୍ଣ କରୁଣା ଅନୁସାରେ ଇସ୍ରାଏଲ-ବଂଶର ଯେଉଁ ପ୍ରଚୁର ମଙ୍ଗଳ କରିଅଛନ୍ତି, ତଦନୁସାରେ ଆମ୍ଭେ ସଦାପ୍ରଭୁଙ୍କର ପ୍ରଶଂସା କୀର୍ତ୍ତନ କରିବା।
\v 8 କାରଣ ସେ କହିଲେ, ନିଶ୍ଚୟ ସେମାନେ ଆମ୍ଭର ଲୋକ, ଯେଉଁମାନେ ଅସତ୍ୟ ବ୍ୟବହାର ନ କରିବେ, ଏପରି ସନ୍ତାନ ଅଟନ୍ତି; ଏଣୁ ସେ ସେମାନଙ୍କର ତ୍ରାଣକର୍ତ୍ତା ହେଲେ।
\s5
\v 9 ସେମାନଙ୍କର ସବୁ ଦୁଃଖରେ ସେ ଦୁଃଖିତ ହେଲେ ଓ ତାହାଙ୍କର ଶ୍ରୀମୁଖ ସ୍ୱରୂପ ଦୂତ ସେମାନଙ୍କୁ ପରିତ୍ରାଣ କଲେ; ସେ ଆପଣା ପ୍ରେମ ଓ ଆପଣା ଦୟାରେ ସେମାନଙ୍କୁ ମୁକ୍ତ କଲେ ଓ ପୁରାତନ କାଳର ସମସ୍ତ ଦିନ ସେମାନଙ୍କୁ ବହନ କଲେ।
\s5
\v 10 ମାତ୍ର ସେମାନେ ବିଦ୍ରୋହୀ ହେଲେ ଓ ତାହାଙ୍କର ପବିତ୍ର ଆତ୍ମାଙ୍କୁ ଶୋକାକୁଳ କଲେ; ଏନିମନ୍ତେ ସେ ଫେରି ସେମାନଙ୍କର ଶତ୍ରୁ ହେଲେ ଓ ଆପେ ସେମାନଙ୍କର ବିପକ୍ଷରେ ଯୁଦ୍ଧ କଲେ।
\s5
\v 11 ସେତେବେଳେ ସେମାନେ
\f +
\fr 63:11
\fq ସେମାନେ
\ft କିମ୍ବା ସେ
\f* ପୁରାତନ କାଳ, ମୋଶା ଓ ଆପଣା ଲୋକମାନଙ୍କୁ ସ୍ମରଣ କରି କହିଲେ, “ଯେ ଆପଣା ପଲର ରକ୍ଷକମାନଙ୍କ ସହିତ ସେମାନଙ୍କୁ ସମୁଦ୍ର ପାର କରାଇ ଆଣିଲେ, ସେ କାହାନ୍ତି ? ଯେ ସେମାନଙ୍କ ଅନ୍ତରରେ ଆପଣା ପବିତ୍ର ଆତ୍ମା ରଖିଲେ,
\s5
\v 12 ଯେ ମୋଶାଙ୍କ ଡାହାଣରେ ଆପଣାର ପ୍ରତାପାନ୍ୱିତ ବାହୁ ଗମନ କରାଇଲେ, ଯେ ଆପଣା ନିମନ୍ତେ ଅନନ୍ତ କାଳସ୍ଥାୟୀ ନାମ ସ୍ଥାପନାର୍ଥେ, ସେମାନଙ୍କ ସମ୍ମୁଖରେ ଜଳକୁ ବିଭକ୍ତ କଲେ,
\v 13 ଯେ ପ୍ରାନ୍ତରରେ ଗମନ କରିବା ଅଶ୍ୱ ତୁଲ୍ୟ ଗଭୀର ସାଗର ମଧ୍ୟରେ ସେମାନଙ୍କୁ ଗମନ କରାଇଲେ ଓ ସେମାନେ ଝୁଣ୍ଟିଲେ ନାହିଁ, ସେ କାହାନ୍ତି ?
\s5
\v 14 ଉପତ୍ୟକାକୁ ଓହ୍ଲାଇ ଯିବା ପଶୁପଲ ତୁଲ୍ୟ ସଦାପ୍ରଭୁଙ୍କ ଆତ୍ମା ସେମାନଙ୍କୁ ବିଶ୍ରାମ କରାଇଲେ; ଏହି ପ୍ରକାରେ ତୁମ୍ଭେ ଆପଣା ନିମନ୍ତେ ଏକ ଗୌରବାନ୍ୱିତ ନାମ ସ୍ଥାପନାର୍ଥେ ଆପଣା ଲୋକମାନଙ୍କୁ ଗମନ କରାଇଲ।”
\s ଦୟା ଓ ସାହାଯ୍ୟ ପାଇଁ ପ୍ରାର୍ଥନା
\p
\s5
\v 15 ଏବେ ସ୍ୱର୍ଗରୁ ଅବଲୋକନ କର, ତୁମ୍ଭ ପବିତ୍ରତାର ଓ ତୁମ୍ଭ ପ୍ରତାପର ବସତିସ୍ଥାନରୁ ଦୃଷ୍ଟିପାତ କର; ତୁମ୍ଭର ଉଦ୍‍ଯୋଗ ଓ ତୁମ୍ଭର ବିକ୍ରମକାର୍ଯ୍ୟସବୁ କାହିଁ ? ତୁମ୍ଭ ଅନ୍ତଃକରଣର ବ୍ୟଥା ଓ ତୁମ୍ଭର ସ୍ନେହସବୁ ମୋ’ ପ୍ରତି ନିବୃତ୍ତ ହୋଇଅଛି।
\v 16 ଯଦ୍ୟପି ଅବ୍ରହାମ ଆମ୍ଭମାନଙ୍କୁ ଜାଣନ୍ତି ନାହିଁ ଓ ଇସ୍ରାଏଲ ଆମ୍ଭମାନଙ୍କୁ ସ୍ୱୀକାର କରନ୍ତି ନାହିଁ, ତଥାପି ତୁମ୍ଭେ ତ ଆମ୍ଭମାନଙ୍କର ପିତା; ହେ ସଦାପ୍ରଭୁ, ତୁମ୍ଭେ ଆମ୍ଭମାନଙ୍କର ପିତା ଅଟ; ଅନନ୍ତ କାଳରୁ ଆମ୍ଭମାନଙ୍କର “ମୁକ୍ତିଦାତା” ବୋଲି ତୁମ୍ଭର ନାମ ଅଛି।
\s5
\v 17 ହେ ସଦାପ୍ରଭୁ, ଆମ୍ଭମାନଙ୍କୁ ତୁମ୍ଭ ପଥରୁ କାହିଁକି ଭ୍ରାନ୍ତ କରାଉଅଛ ଓ ତୁମ୍ଭକୁ ଭୟ କରିବା ପ୍ରତି ଆମ୍ଭମାନଙ୍କ ଅନ୍ତଃକରଣକୁ କଠିନ କରାଉଅଛ ? ଆପଣା ଦାସମାନଙ୍କର, ଆପଣା ଅଧିକାର ସ୍ୱରୂପ ଗୋଷ୍ଠୀଗଣର ସକାଶୁ ଫେର।
\s5
\v 18 ତୁମ୍ଭର ପବିତ୍ର ଲୋକମାନେ କେବଳ ଅଳ୍ପ କାଳ ତାହା ଅଧିକାର କଲେ; ଆମ୍ଭମାନଙ୍କର ବିପକ୍ଷମାନେ ତୁମ୍ଭର ପବିତ୍ର ଧାମ ପଦ ତଳେ ଦଳି ପକାଇଅଛନ୍ତି।
\v 19 ଯେଉଁମାନଙ୍କ ଉପରେ ତୁମ୍ଭେ କେବେ କର୍ତ୍ତୃତ୍ୱ କରି ନାହଁ, ଯେଉଁମାନେ ତୁମ୍ଭ ନାମରେ କେବେ ଖ୍ୟାତ ହୋଇ ନ ଥିଲେ, ଏପରି ଲୋକମାନଙ୍କ ତୁଲ୍ୟ ଆମ୍ଭେମାନେ ହୋଇଅଛୁ।
\s5
\c 64
\p
\v 1 ଆହା, ଅନ୍ୟ ଦେଶୀୟମାନେ ଯେପରି ତୁମ୍ଭ ସାକ୍ଷାତରେ କମ୍ପମାନ ହେବେ, ଏଥିପାଇଁ ତୁମ୍ଭ ବିପକ୍ଷଗଣକୁ ତୁମ୍ଭ ନାମ ଜ୍ଞାତ କରାଇବା ନିମନ୍ତେ,
\v 2 ଅଗ୍ନି ଝାଟି ଜ୍ୱଳାଇବା ପରି, ଅଗ୍ନି ଜଳ ଫୁଟାଇବା ପରି ଯଦି ତୁମ୍ଭେ ଆକାଶମଣ୍ଡଳ ବିଦୀର୍ଣ୍ଣ କରି ଓହ୍ଲାଇ ଆସନ୍ତ ଓ ପର୍ବତଗଣ ତୁମ୍ଭ ସାକ୍ଷାତରେ ପ୍ରବାହିତ ହୁଅନ୍ତେ !
\s5
\v 3 ଯେତେବେଳେ ତୁମ୍ଭେ ଆମ୍ଭମାନଙ୍କର ଅନପେକ୍ଷିତ ଭୟାନକ କ୍ରିୟା କଲ, ସେତେବେଳେ ତୁମ୍ଭେ ଓହ୍ଲାଇ ଆସିଲ, ପର୍ବତଗଣ ତୁମ୍ଭ ସାକ୍ଷାତରେ ପ୍ରବାହିତ ହେଲେ।
\v 4 କାରଣ ଯେ ଆପଣା ଅପେକ୍ଷାକାରୀ ପକ୍ଷରେ କାର୍ଯ୍ୟ ସାଧନ କରନ୍ତି, ଲୋକେ ପ୍ରାଚୀନ କାଳରୁ ତୁମ୍ଭ ଛଡ଼ା ଅନ୍ୟ ପରମେଶ୍ୱର ବିଷୟ ଶୁଣି ନାହାନ୍ତି, ଅଥବା କର୍ଣ୍ଣ ଜ୍ଞାତ ହୋଇ ନାହିଁ, କିଅବା ଚକ୍ଷୁ ଦେଖି ନାହିଁ।
\s5
\v 5 ଯେଉଁ ଲୋକ ଆନନ୍ଦରେ ଧର୍ମାଚରଣ କରେ, ଯେଉଁମାନେ ତୁମ୍ଭ ପଥରେ ତୁମ୍ଭକୁ ସ୍ମରଣ କରନ୍ତି, ତୁମ୍ଭେ ସେମାନଙ୍କ ସହିତ ସାକ୍ଷାତ କରିଥାଅ; ଦେଖ, ତୁମ୍ଭେ କ୍ରୁଦ୍ଧ ଥିଲ ଓ ଆମ୍ଭେମାନେ ପାପ କଲୁ; ଆମ୍ଭେମାନେ ଦୀର୍ଘ କାଳ ତହିଁରେ ରହିଅଛୁ, ଆମ୍ଭେମାନେ କି ପରିତ୍ରାଣ ପାଇବା ?
\s5
\v 6 କାରଣ ଆମ୍ଭେ ସମସ୍ତେ ଅଶୁଚି ଲୋକ ତୁଲ୍ୟ ହୋଇଅଛୁ ଓ ଆମ୍ଭମାନଙ୍କର ଧର୍ମକର୍ମସବୁ ଅଶୁଚି ବସ୍ତ୍ର ତୁଲ୍ୟ ଅଟେ ଓ ଆମ୍ଭେ ସମସ୍ତେ ପତ୍ର ତୁଲ୍ୟ ଜୀର୍ଣ୍ଣ ହେଉଅଛୁ; ଆଉ, ଆମ୍ଭମାନଙ୍କର ଅପରାଧସବୁ ବାୟୁ ପରି ଆମ୍ଭମାନଙ୍କୁ ଉଡ଼ାଇ ନିଏ।
\v 7 ପୁଣି, ଯେ ତୁମ୍ଭ ନାମରେ ପ୍ରାର୍ଥନା କରେ, ଯେ ତୁମ୍ଭକୁ ଧରିବା ପାଇଁ ଆପଣାକୁ ଉତ୍ତେଜିତ କରେ, ଏପରି କେହି ନାହିଁ; କାରଣ ତୁମ୍ଭେ ଆମ୍ଭମାନଙ୍କଠାରୁ ଆପଣା ମୁଖ ଲୁଚାଇଅଛ ଓ ଆମ୍ଭମାନଙ୍କର ଅପରାଧ ଦ୍ୱାରା ଆମ୍ଭମାନଙ୍କୁ କ୍ଷୟ କରିଅଛ।
\s5
\v 8 ମାତ୍ର ଏବେ ହେ ସଦାପ୍ରଭୁ, ତୁମ୍ଭେ ଆମ୍ଭମାନଙ୍କର ପିତା ଅଟ; ଆମ୍ଭେମାନେ ମୃତ୍ତିକା, ତୁମ୍ଭେ ଆମ୍ଭମାନଙ୍କର କୁମ୍ଭକାର; ପୁଣି, ଆମ୍ଭେ ସମସ୍ତେ ତୁମ୍ଭର ହସ୍ତକୃତ କର୍ମ।
\v 9 ହେ ସଦାପ୍ରଭୁ, ଅତ୍ୟନ୍ତ କ୍ରୁଦ୍ଧ ହୁଅ ନାହିଁ, କିଅବା ଚିର କାଳ ଅପରାଧ ମନରେ ରଖ ନାହିଁ; ଆମ୍ଭେମାନେ ବିନତି କରୁ, ଦେଖ, ଦୃଷ୍ଟି କର, ଆମ୍ଭେ ସମସ୍ତେ ତୁମ୍ଭର ଲୋକ।
\s5
\v 10 ତୁମ୍ଭର ପବିତ୍ର ନଗରସବୁ ପ୍ରାନ୍ତର ହୋଇଅଛି, ସିୟୋନ ପ୍ରାନ୍ତର ହୋଇଅଛି, ଯିରୂଶାଲମ ଧ୍ୱଂସସ୍ଥାନ ହୋଇଅଛି।
\v 11 ଆମ୍ଭମାନଙ୍କର ପିତୃଲୋକମାନେ ଯେଉଁ ସ୍ଥାନରେ ତୁମ୍ଭର ପ୍ରଶଂସା କଲେ, ଆମ୍ଭମାନଙ୍କର ସେହି ପବିତ୍ର ଓ ସୁନ୍ଦର ଗୃହ ଅଗ୍ନିରେ ଦଗ୍ଧ ହୋଇଅଛି ଓ ଆମ୍ଭମାନଙ୍କର ମନୋରମ୍ୟ ବିଷୟସବୁ ଉଚ୍ଛିନ୍ନ ହୋଇଅଛି।
\v 12 ହେ ସଦାପ୍ରଭୁ, ଏହିସବୁ ହେଲେ ହେଁ ତୁମ୍ଭେ କି ଆପଣାକୁ କ୍ଷାନ୍ତ କରି ରଖିବ ? ତୁମ୍ଭେ କି ତୁନି ହୋଇ ରହି ଆମ୍ଭମାନଙ୍କୁ ଅତ୍ୟନ୍ତ କ୍ଲେଶ ଦେବ ?
\s5
\c 65
\s ବିଚାର ଏବଂ ଉଦ୍ଧାର
\p
\v 1 “ଯେଉଁମାନେ ଆମ୍ଭ ବିଷୟ ପଚାରିଲେ ନାହିଁ, ସେମାନଙ୍କ ଦ୍ୱାରା ଆମ୍ଭେ ଅନ୍ୱେଷିତ ହେଉଅଛୁ; ଯେଉଁମାନେ ଆମ୍ଭର ଅନ୍ୱେଷଣ କଲେ ନାହିଁ, ସେମାନେ ଆମ୍ଭକୁ ପ୍ରାପ୍ତ ହେଉଅଛନ୍ତି; ଯେଉଁ ଦେଶୀୟ ଲୋକେ ଆମ୍ଭ ନାମରେ ଖ୍ୟାତ ହୋଇ ନ ଥିଲେ, ସେମାନଙ୍କୁ, ଆମ୍ଭକୁ ଦେଖ, ଆମ୍ଭକୁ ଦେଖ ବୋଲି ଆମ୍ଭେ କହିଲୁ।
\v 2 ଯେଉଁମାନେ ଆପଣା ଆପଣା କଳ୍ପନାନୁସାରେ କୁପଥରେ ଗମନ କରନ୍ତି, ଏପରି ବିଦ୍ରୋହାଚାରୀ ଲୋକମାନଙ୍କ ପ୍ରତି ଆମ୍ଭେ ସାରାଦିନ ଆପଣା ହସ୍ତ ବିସ୍ତାର କରିଅଛୁ;
\s5
\v 3 ସେହି ଲୋକମାନେ ଉଦ୍ୟାନରେ ବଳିଦାନ କରି ଓ ଗୁଡ଼ିଏ ଇଟା ଉପରେ ଧୂମ ଜ୍ୱଳାଇ ଆମ୍ଭ ମୁଖ ଆଗରେ ନିତ୍ୟ ନିତ୍ୟ ଆମ୍ଭକୁ ବିରକ୍ତ କରନ୍ତି;
\v 4 ସେମାନେ କବରସ୍ଥାନ ମଧ୍ୟରେ ବସନ୍ତି ଓ ଗୁପ୍ତ ସ୍ଥାନରେ ବସା କରନ୍ତି; ସେମାନେ ଶୂକର ମାଂସ ଭୋଜନ କରନ୍ତି ଓ ସେମାନଙ୍କ ପାତ୍ରରେ ଘୃଣାଯୋଗ୍ୟ ମାଂସର ଝୋଳ ଥାଏ;
\s5
\v 5 ସେମାନେ କହନ୍ତି, ସ୍ୱସ୍ଥାନରେ ଛିଡ଼ା ହୁଅ, ଆମ୍ଭ ନିକଟକୁ ଆସ ନାହିଁ, କାରଣ ଆମ୍ଭେ ତୁମ୍ଭ ଅପେକ୍ଷା ପବିତ୍ର; ଏମାନେ ଆମ୍ଭ ନାସିକାରେ ଧର୍ମ ସ୍ୱରୂପ, ସାରାଦିନ ପ୍ରଜ୍ୱଳିତ ଅଗ୍ନି ସ୍ୱରୂପ।
\s5
\v 6 ଦେଖ, ଆମ୍ଭ ସମ୍ମୁଖରେ ଏହା ଲିଖିତ ଅଛି; ଆମ୍ଭେ ନୀରବ ହୋଇ ରହିବା ନାହିଁ, ମାତ୍ର ପ୍ରତିଫଳ ଦେବା, ହଁ, ଆମ୍ଭେ ସେମାନଙ୍କ କୋଳରେ ପ୍ରତିଫଳ ଦେବା,”
\v 7 ସଦାପ୍ରଭୁ କହନ୍ତି, “ପର୍ବତଗଣ ଉପରେ ଧୂପ ଜ୍ୱଳାଇ ଅଛ ଓ ଉପପର୍ବତଗଣ ଉପରେ ଆମ୍ଭକୁ ନିନ୍ଦା କରିଅଛ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କ ଅପରାଧ ଓ ତୁମ୍ଭମାନଙ୍କ ପୂର୍ବପୁରୁଷଗଣର ଅପରାଧସକଳର ପ୍ରତିଫଳ ଆମ୍ଭେ ଏକାବେଳେ ଦେବା; ଏନିମନ୍ତେ ଆମ୍ଭେ ପ୍ରଥମେ ସେମାନଙ୍କ କ୍ରିୟାର ପରିମାଣ କରି ସେମାନଙ୍କ କୋଳରେ ଦେବା।”
\s5
\v 8 ସଦାପ୍ରଭୁ ଏହି କଥା କହନ୍ତି, “ଦ୍ରାକ୍ଷାପେଣ୍ଡାରେ ଯେପରି ନୂତନ ଦ୍ରାକ୍ଷାରସ ମିଳେ ଓ ଲୋକେ କହନ୍ତି, ଏହା ନଷ୍ଟ ନ କର, କାରଣ ଏଥିରେ ଆଶୀର୍ବାଦ ଅଛି; ସେହିପରି ଆମ୍ଭେ ଆପଣା ଦାସଗଣ ସକାଶେ କରିବା, ଆମ୍ଭେ ସମସ୍ତଙ୍କୁ ବିନାଶ କରିବା ନାହିଁ।
\s5
\v 9 ପୁଣି, ଆମ୍ଭେ ଯାକୁବଠାରୁ ଏକ ବଂଶ ଓ ଯିହୁଦାଠାରୁ ଆମ୍ଭ ପର୍ବତଗଣର ଏକ ଅଧିକାରୀ ଉତ୍ପନ୍ନ କରିବା ଓ ଆମ୍ଭର ମନୋନୀତ ଲୋକମାନେ ତାହା ଅଧିକାର କରିବେ ଓ ଆମ୍ଭର ଦାସମାନେ ସେଠାରେ ବସତି କରିବେ।
\v 10 ଆଉ, ଆମ୍ଭର ଯେଉଁ ଲୋକମାନେ ଆମ୍ଭର ଅନ୍ୱେଷଣ କରିଅଛନ୍ତି, ସେମାନଙ୍କ ନିମନ୍ତେ ଶାରୋଣ ଏକ ମେଷ ଖୁଆଡ଼ ଓ ଆଖୋର୍‍ ଉପତ୍ୟକା ଗୋପଲର ଶୟନ ସ୍ଥାନ ହେବ।
\s5
\v 11 ମାତ୍ର ସଦାପ୍ରଭୁଙ୍କୁ ତ୍ୟାଗ କରୁଅଛ, ଆମ୍ଭ ପବିତ୍ର ପର୍ବତକୁ ପାସୋରୁଅଛ, ଭାଗ୍ୟ ଦେବତା
\f +
\fr 65:11
\fq ଭାଗ୍ୟ ଦେବତା
\ft ଏବ୍ରୀ ଭାଷାରେ ଗାଦ୍
\f* ଉଦ୍ଦେଶ୍ୟରେ ମେଜ ସଜାଉଅଛ ଓ ନିରୂପଣୀ ଦେବୀର ଉଦ୍ଦେଶ୍ୟରେ ମିଶ୍ରିତ ଦ୍ରାକ୍ଷାରସ ପୂର୍ଣ୍ଣ କରୁଅଛ ଯେ ତୁମ୍ଭେମାନେ,
\s5
\v 12 ତୁମ୍ଭମାନଙ୍କୁ ଆମ୍ଭେ ଖଡ୍ଗ ନିମନ୍ତେ ନିରୂପଣ କରିବା ଓ ତୁମ୍ଭେ ସମସ୍ତେ ବଧ ସ୍ଥାନରେ ନଇଁ ପଡ଼ିବ; କାରଣ ଆମ୍ଭେ ଡାକିଲା ବେଳେ ତୁମ୍ଭେମାନେ ଉତ୍ତର ଦେଲ ନାହିଁ; ଆମ୍ଭେ କଥା କହିଲା ବେଳେ ତୁମ୍ଭେମାନେ ଶୁଣିଲ ନାହିଁ; ମାତ୍ର ଆମ୍ଭ ଦୃଷ୍ଟିରେ ଯାହା ମନ୍ଦ, ତାହା ହିଁ ତୁମ୍ଭେମାନେ କଲ ଓ ଯହିଁରେ ଆମ୍ଭେ ସନ୍ତୁଷ୍ଟ ନୋହୁଁ, ତାହା ହିଁ ମନୋନୀତ କଲ।”
\s5
\v 13 ଏହେତୁ ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି, “ଦେଖ, ଆମ୍ଭର ଦାସମାନେ ଭୋଜନ କରିବେ, ମାତ୍ର ତୁମ୍ଭେମାନେ କ୍ଷୁଧାର୍ତ୍ତ ହେବ; ଦେଖ, ଆମ୍ଭର ଦାସମାନେ ପାନ କରିବେ, ମାତ୍ର ତୁମ୍ଭେମାନେ ତୃଷାର୍ତ୍ତ ହେବ; ଦେଖ, ଆମ୍ଭର ଦାସମାନେ ଆନନ୍ଦ କରିବେ, ମାତ୍ର ତୁମ୍ଭେମାନେ ଲଜ୍ଜିତ ହେବ;
\v 14 ଦେଖ, ଆମ୍ଭର ଦାସମାନେ ଚିତ୍ତର ସୁଖ ସକାଶୁ ଗାନ କରିବେ, ମାତ୍ର ତୁମ୍ଭେମାନେ ଚିତ୍ତର ଦୁଃଖ ସକାଶୁ କ୍ରନ୍ଦନ କରିବ ଓ ଆତ୍ମାର ବିରକ୍ତି ସକାଶୁ ହାହାକାର କରିବ।
\s5
\v 15 ପୁଣି, ତୁମ୍ଭେମାନେ ଆମ୍ଭ ମନୋନୀତ ଲୋକମାନଙ୍କ ନିକଟରେ ତୁମ୍ଭମାନଙ୍କର ନାମ ଅଭିଶାପ ରୂପେ ରଖିଯିବ ଓ ପ୍ରଭୁ, ସଦାପ୍ରଭୁ ତୁମ୍ଭକୁ ବଧ କରିବେ; ଆଉ, ସେ ଆପଣା ଦାସମାନଙ୍କୁ ଅନ୍ୟ ନାମରେ ଖ୍ୟାତ କରିବେ;
\v 16 ତହିଁରେ ଯେଉଁ ଲୋକ ପୃଥିବୀରେ ଆପଣାକୁ ଆଶୀର୍ବାଦ କରେ, ସେ ସତ୍ୟ ପରମେଶ୍ୱରଙ୍କଠାରୁ ଆପଣାକୁ ଆଶୀର୍ବାଦ କରିବ ଓ ଯେଉଁ ଲୋକ ପୃଥିବୀରେ ଶପଥ କରେ, ସେ ସତ୍ୟ ପରମେଶ୍ୱରଙ୍କ ଦ୍ୱାରା ଶପଥ କରିବ; ଯେହେତୁ ପୂର୍ବକାଳର ସଙ୍କଟସବୁ ବିସ୍ମୃତ ହୋଇଅଛି ଓ ତାହାସବୁ ଆମ୍ଭ ଦୃଷ୍ଟିରୁ ଗୁପ୍ତ ହୋଇଅଛି।
\s ନୂତନ ସୃଷ୍ଟି
\p
\s5
\v 17 କାରଣ ଦେଖ, ଆମ୍ଭେ ନୂତନ ଆକାଶମଣ୍ଡଳ ଓ ନୂତନ ପୃଥିବୀ ସୃଷ୍ଟି କରୁ ଓ ପୂର୍ବ କାଳର ବିଷୟସବୁ ସ୍ମରଣ କରାଯିବ ନାହିଁ, କିଅବା ମନରେ ପଡ଼ିବ ନାହିଁ।
\v 18 ମାତ୍ର ଯାହା ଆମ୍ଭେ ସୃଷ୍ଟି କରୁ, ତୁମ୍ଭେମାନେ ସଦାକାଳ ତହିଁରେ ଆନନ୍ଦିତ ହୋଇ ଉଲ୍ଲାସ କର; କାରଣ ଦେଖ, ଆମ୍ଭେ ଯିରୂଶାଲମକୁ ଉଲ୍ଲାସ ସ୍ୱରୂପ ଓ ତହିଁର ଲୋକମାନଙ୍କୁ ଆନନ୍ଦର ପାତ୍ର କରି ସୃଷ୍ଟି କରୁ।
\v 19 ପୁଣି, ଆମ୍ଭେ ଯିରୂଶାଲମରେ ଉଲ୍ଲାସ କରିବା ଓ ଆମ୍ଭ ଲୋକମାନଙ୍କଠାରେ ଆନନ୍ଦ କରିବା; ପୁଣି, ତହିଁ ମଧ୍ୟରେ ରୋଦନର ଶବ୍ଦ, କିଅବା କ୍ରନ୍ଦନର ଶବ୍ଦ ଆଉ ଶୁଣାଯିବ ନାହିଁ।
\s5
\v 20 ସେସମୟରୁ ସେସ୍ଥାନରେ ଅଳ୍ପ ଦିନର ଶିଶୁ କିଅବା ଅସମ୍ପୂର୍ଣ୍ଣାୟୁ ବୃଦ୍ଧ ଲୋକ ଆଉ ନ ଥିବ; କାରଣ ବାଳକ ଏକ ଶତ ବର୍ଷ ବୟଃକ୍ରମରେ ମରିବ ଓ ପାପୀ ଏକ ଶତ ବର୍ଷ ବୟସ୍କ ହୋଇ ଶାପଗ୍ରସ୍ତ ହେବ।
\v 21 ପୁଣି, ଲୋକମାନେ ଗୃହ ନିର୍ମାଣ କରି ତହିଁରେ ବାସ କରିବେ ଓ ସେମାନେ ଦ୍ରାକ୍ଷାକ୍ଷେତ୍ର ପ୍ରସ୍ତୁତ କରି ତହିଁର ଫଳ ଭୋଗ କରିବେ।
\s5
\v 22 ସେମାନେ ନିର୍ମାଣ କଲେ, ଅନ୍ୟ କେହି ତହିଁରେ ବାସ କରିବ ନାହିଁ; ସେମାନେ ରୋପଣ କଲେ, ଅନ୍ୟ କେହି ଫଳ ଭୋଗ କରିବ ନାହିଁ; କାରଣ ଆମ୍ଭ ଲୋକମାନଙ୍କର ଆୟୁ ବୃକ୍ଷର ଆୟୁ ତୁଲ୍ୟ ହେବ ଓ ଆମ୍ଭ ମନୋନୀତ ଲୋକମାନେ ଦୀର୍ଘ କାଳ ପର୍ଯ୍ୟନ୍ତ ଆପଣାମାନଙ୍କ ହସ୍ତକୃତ କର୍ମର ଫଳ ଭୋଗ କରିବେ।
\v 23 ସେମାନେ ବୃଥା ପରିଶ୍ରମ କରିବେ ନାହିଁ, କିଅବା ବିପଦର ପାଇଁ ପ୍ରସବ କରିବେ ନାହିଁ; କାରଣ ସେମାନେ ଓ ସେମାନଙ୍କ ସଙ୍ଗେ ସେମାନଙ୍କ ସନ୍ତାନଗଣ, ସଦାପ୍ରଭୁଙ୍କ ଆଶୀର୍ବାଦ-ପାତ୍ରର ବଂଶ।
\s5
\v 24 ପୁଣି, ଏହା ଘଟିବ ଯେ, ସେମାନେ ଡାକିବା ପୂର୍ବେ ଆମ୍ଭେ ଉତ୍ତର ଦେବା ଓ ସେମାନେ କଥା କହୁ କହୁ ଆମ୍ଭେ ଶୁଣିବା।
\v 25 କେନ୍ଦୁଆ ବାଘ ଓ ମେଣ୍ଢାଛୁଆ ଏକତ୍ର ଚରିବେ ଓ ସିଂହ ଗୋରୁ ପରି ନଡ଼ା ଖାଇବ; ପୁଣି, ଧୂଳି ସର୍ପର ଖାଦ୍ୟ ହେବ। ସେମାନେ ଆମ୍ଭ ପବିତ୍ର ପର୍ବତର କୌଣସି ସ୍ଥାନରେ ହିଂସା କି ବିନାଶ କରିବେ ନାହିଁ,” ସଦାପ୍ରଭୁ ଏହା କହନ୍ତି।
\s5
\c 66
\s ଆତ୍ମାରେ ଦୁଃଖୀ ଓ ଚୂର୍ଣ୍ଣମନା
\p
\v 1 ସଦାପ୍ରଭୁ ଏହି କଥା କହନ୍ତି, “ସ୍ୱର୍ଗ ଆମ୍ଭର ସିଂହାସନ ଓ ପୃଥିବୀ ଆମ୍ଭର ପାଦପୀଠ; ତୁମ୍ଭେମାନେ ଆମ୍ଭ ନିମନ୍ତେ କିପ୍ରକାର ଗୃହ ନିର୍ମାଣ କରିବ ? ଓ କେଉଁ ସ୍ଥାନ ଆମ୍ଭର ବିଶ୍ରାମ ସ୍ଥାନ ହେବ ?
\s5
\v 2 କାରଣ ଆମ୍ଭର ହସ୍ତ ଏହିସବୁ ନିର୍ମାଣ କରିଅଛି, ଆଉ ତହିଁ ସକାଶୁ ଏହିସବୁ ଉତ୍ପନ୍ନ ହେଲା,” ଏହା ସଦାପ୍ରଭୁ କହନ୍ତି; “ମାତ୍ର ଏହି ଲୋକ ପ୍ରତି, ଅର୍ଥାତ୍‍, ଯେଉଁ ଲୋକ ଦୁଃଖୀ, ଚୂର୍ଣ୍ଣମନା ଓ ଯେ ଆମ୍ଭ ବାକ୍ୟରେ କମ୍ପମାନ ହୁଏ, ତାହା ପ୍ରତି ଆମ୍ଭେ ଦୃଷ୍ଟିପାତ କରିବା।
\s5
\v 3 ଯେ ଗୋବଧ କରେ, ସେ ମନୁଷ୍ୟ ହତ୍ୟାକାରୀ ପରି ହୁଏ; ଯେ ମେଷଶାବକ ବଳିଦାନ କରେ, ସେ କୁକ୍କୁର ବେକ କାଟି ପକାଇବା ଲୋକ ପରି ହୁଏ; ଯେ ନୈବେଦ୍ୟ ଉତ୍ସର୍ଗ କରେ, ସେ ଶୂକର ରକ୍ତ ଉତ୍ସର୍ଗ କରିବା ଲୋକ ପରି ହୁଏ; ଯେ କୁନ୍ଦୁରୁ ଜ୍ୱଳାଏ, ସେ ଦେବତାର ଧନ୍ୟବାଦ କରିବା ଲୋକ ପରି ହୁଏ; ହଁ, ସେମାନେ ଆପଣାମାନଙ୍କର ପଥ ମନୋନୀତ କରିଅଛନ୍ତି ଓ ସେମାନଙ୍କର ପ୍ରାଣ ଆପଣାମାନଙ୍କ ଘୃଣାଯୋଗ୍ୟ ବିଷୟରେ ସନ୍ତୁଷ୍ଟ ହୁଏ;
\s5
\v 4 ଆମ୍ଭେ ମଧ୍ୟ ସେମାନଙ୍କର ଭ୍ରାନ୍ତିଜନକ ବିଷୟ ମନୋନୀତ କରିବା ଓ ସେମାନଙ୍କ ଭୟର ବିଷୟ ସେମାନଙ୍କ ପ୍ରତି ଘଟାଇବା; କାରଣ ଆମ୍ଭେ ଡାକିଲା ବେଳେ କେହି ଉତ୍ତର ଦେଲେ ନାହିଁ; ଆମ୍ଭେ କଥା କହିଲା ବେଳେ ସେମାନେ ଶୁଣିଲେ ନାହିଁ; ମାତ୍ର ଯାହା ଆମ୍ଭ ଦୃଷ୍ଟିରେ ମନ୍ଦ, ତାହା ସେମାନେ କଲେ ଓ ଯହିଁରେ ଆମ୍ଭର ସନ୍ତୋଷ ନାହିଁ, ତାହା ସେମାନେ ମନୋନୀତ କଲେ।”
\s5
\v 5 ସଦାପ୍ରଭୁଙ୍କ ବାକ୍ୟରେ କମ୍ପମାନ ହେଉଅଛ ଯେ “ତୁମ୍ଭେମାନେ, ତୁମ୍ଭେମାନେ ତାହାଙ୍କର ବାକ୍ୟ ଶୁଣ; ତୁମ୍ଭମାନଙ୍କର ଯେଉଁ ଭ୍ରାତୃଗଣ ତୁମ୍ଭମାନଙ୍କୁ ଘୃଣା କରନ୍ତି, ଆମ୍ଭ ନାମ ସକାଶେ ତୁମ୍ଭମାନଙ୍କୁ ଦୂର କରନ୍ତି, ସେମାନେ କହିଅଛନ୍ତି, ଆମ୍ଭେମାନେ ଯେପରି ତୁମ୍ଭମାନଙ୍କର ଆନନ୍ଦ ଦେଖି ପାରିବା, ଏଥିପାଇଁ ସଦାପ୍ରଭୁ ମହିମାନ୍ୱିତ ହେଉନ୍ତୁ; ମାତ୍ର ସେମାନେ ଲଜ୍ଜିତ ହେବେ।
\s5
\v 6 ନଗରରୁ କଳହର ରବ, ମନ୍ଦିରରୁ ରବ, ଯେ ଆପଣା ଶତ୍ରୁମାନଙ୍କୁ ପ୍ରତିଫଳ ଦିଅନ୍ତି, ସେହି ସଦାପ୍ରଭୁଙ୍କର ରବ !
\s ଯିରୂଶାଲମ ସହ ଆନନ୍ଦିତ
\p
\s5
\v 7 ବେଦନାର ପୂର୍ବେ ସେ ପ୍ରସବ କଲା; ଗର୍ଭବେଦନା ଆସିବା ପୂର୍ବେ ପୁତ୍ରସନ୍ତାନ ଭୂମିଷ୍ଠ ହେଲା।
\v 8 ଏପ୍ରକାର କଥା କିଏ ଶୁଣିଅଛି ? ଏପ୍ରକାର କଥା କିଏ ଦେଖିଅଛି ? ଏକ ଦିନରେ କି କୌଣସି ଦେଶର ଜନ୍ମ ହେବ ? କୌଣସି ଗୋଷ୍ଠୀୟ ଲୋକେ କି ଏକାବେଳେ ଜନ୍ମ ହେବେ ? ସିୟୋନ ଗର୍ଭବେଦନା ପାଇବା ମାତ୍ରେ, ସେ ଆପଣା ସନ୍ତାନଗଣକୁ ପ୍ରସବ କଲା।”
\s5
\v 9 ସଦାପ୍ରଭୁ କହନ୍ତି, “ଆମ୍ଭେ ପ୍ରସବ କାଳ ଉପସ୍ଥିତ କରି କି ପ୍ରସବ କରାଇବା ନାହିଁ ?” ତୁମ୍ଭର ପରମେଶ୍ୱର କହନ୍ତି, “ପ୍ରସବ କରାଉ ଯେ ଆମ୍ଭେ, ଆମ୍ଭେ କି ଗର୍ଭ ରୋଧ କରିବା ?”
\s5
\v 10 ହେ ଯିରୂଶାଲମକୁ ପ୍ରେମକାରୀ ସମସ୍ତେ, ତୁମ୍ଭେମାନେ ତାହା ସହିତ ଆନନ୍ଦ କର ଓ ତାହା ନିମନ୍ତେ ଉଲ୍ଲାସ କର; ତାହା ବିଷୟରେ ଶୋକକାରୀ ସମସ୍ତେ, ତୁମ୍ଭେମାନେ ଆନନ୍ଦ ସକାଶୁ ତାହା ସହିତ ଉଲ୍ଲାସ କର;
\v 11 ତହିଁରେ ତୁମ୍ଭେମାନେ ତାହାର ସାନ୍ତ୍ୱନାରୂପ ସ୍ତନ୍ୟ ପାନ କରି ତୃପ୍ତ ହେବ; ତୁମ୍ଭେମାନେ ଦୁଗ୍ଧ ଦୁହିଁ ତାହାର ଐଶ୍ୱର୍ଯ୍ୟର ବାହୁଲ୍ୟରେ ଆନନ୍ଦିତ ହେବ।
\s5
\v 12 କାରଣ ସଦାପ୍ରଭୁ ଏହି କଥା କହନ୍ତି, “ଦେଖ, ଆମ୍ଭେ ତାହା ଆଡ଼କୁ ନଦୀ ତୁଲ୍ୟ ଶାନ୍ତି ଓ ଉଚ୍ଛୁଳିବା ସ୍ରୋତ ତୁଲ୍ୟ ନାନା ଦେଶୀୟମାନଙ୍କ ଐଶ୍ୱର୍ଯ୍ୟ ବହାଇବା, ପୁଣି ତୁମ୍ଭେମାନେ ତହିଁରୁ ସ୍ତନ୍ୟ ପାନ କରିବ ଓ ତୁମ୍ଭେମାନେ ବାହୁରେ ବୁହାଯିବ ଓ ଆଣ୍ଠୁ ଉପରେ ନଚାଯିବ।
\v 13 ଯେପରି ଜଣକୁ ତାହାର ମାତା ସାନ୍ତ୍ୱନା କରେ, ସେହିପରି ଆମ୍ଭେ ତୁମ୍ଭମାନଙ୍କୁ ସାନ୍ତ୍ୱନା କରିବା ଓ ତୁମ୍ଭେମାନେ ଯିରୂଶାଲମରେ ସାନ୍ତ୍ୱନା ପାଇବ।”
\s5
\v 14 ପୁଣି, ତୁମ୍ଭେମାନେ ଏହା ଦେଖିବ ଓ ତୁମ୍ଭମାନଙ୍କର ହୃଦୟ ପ୍ରଫୁଲ୍ଲ ହେବ, ଆଉ ତୁମ୍ଭମାନଙ୍କର ଅସ୍ଥି ନବୀନ ତୃଣ ତୁଲ୍ୟ ସତେଜ ହେବ; ପୁଣି, ସଦାପ୍ରଭୁଙ୍କର ହସ୍ତ ତାହାଙ୍କ ଦାସମାନଙ୍କ ପକ୍ଷରେ ପ୍ରକାଶିତ ହେବ ଓ ସେ ଆପଣା ଶତ୍ରୁମାନଙ୍କ ବିରୁଦ୍ଧରେ କୋପାନ୍ୱିତ ହେବେ।
\s ଈଶ୍ୱରଙ୍କ ମହିମା ଏବଂ ଶେଷ ବିଚାର
\p
\s5
\v 15 କାରଣ ଦେଖ, ମହାତାପରେ ଆପଣାର କ୍ରୋଧ ଓ ପ୍ରଜ୍ୱଳିତ ଅଗ୍ନି ଦ୍ୱାରା ଆପଣା ଭର୍ତ୍ସନା ପ୍ରତିଦାନ କରିବା ପାଇଁ ସଦାପ୍ରଭୁ ଅଗ୍ନି ସହକାରେ ଆଗମନ କରିବେ ଓ ତାହାଙ୍କର ରଥସବୁ ଘୂର୍ଣ୍ଣିବାୟୁ ତୁଲ୍ୟ ହେବ।
\v 16 କାରଣ ସଦାପ୍ରଭୁ ଅଗ୍ନି ଦ୍ୱାରା ଓ ଆପଣା ଖଡ୍ଗ ଦ୍ୱାରା ଯାବତୀୟ ମର୍ତ୍ତ୍ୟ ସହିତ ବିବାଦ ନିଷ୍ପନ୍ନ କରିବେ; ତହିଁରେ ସଦାପ୍ରଭୁଙ୍କ ଦ୍ୱାରା ହତ ଲୋକ ଅନେକ ହେବେ।
\s5
\v 17 ସଦାପ୍ରଭୁ କହନ୍ତି, “ଯେଉଁମାନେ ମଧ୍ୟବର୍ତ୍ତୀ ଏକ ଜଣର ପଶ୍ଚାତ୍‍ ଉଦ୍ୟାନକୁ ଯିବା ପାଇଁ ଆପଣାମାନଙ୍କୁ ପବିତ୍ର ଓ ଶୁଚି କରନ୍ତି, ଶୂକର ମାଂସ ଓ ଘୃଣ୍ୟ ଦ୍ରବ୍ୟ ଓ ମୂଷା ଖାଆନ୍ତି, ସେମାନେ ଏକତ୍ର ବିନଷ୍ଟ ହେବେ।”
\s5
\v 18 “କାରଣ ଆମ୍ଭେ ସେମାନଙ୍କର କ୍ରିୟା ଓ କଳ୍ପନାସବୁ ଜାଣୁ; ସର୍ବଦେଶୀୟ ଓ ଭାଷାବାଦୀ ଲୋକଙ୍କୁ ଆମ୍ଭର ସଂଗ୍ରହ କରିବାର ସମୟ ଆସୁଅଛି ଓ ସେମାନେ ଆସି ଆମ୍ଭର ମହିମା ଦେଖିବେ।
\v 19 ପୁଣି, ଆମ୍ଭେ ସେମାନଙ୍କ ମଧ୍ୟରେ ଏକ ଚିହ୍ନ ସ୍ଥାପନ କରିବା ଓ ସେମାନଙ୍କ ମଧ୍ୟରୁ ରକ୍ଷାପ୍ରାପ୍ତ ଲୋକମାନଙ୍କୁ ଆମ୍ଭେ ନାନା ଦେଶୀୟମାନଙ୍କ ନିକଟକୁ, ତର୍ଶୀଶ୍‍, ପୂଲ୍‍ ଓ ଲୁଦ୍‍, ଯେଉଁମାନେ ଧନୁର୍ଦ୍ଧାରୀ, ତୁବଲ୍‍ ଓ ଯବନ, ଇତ୍ୟାଦି ଯେଉଁ ଦୂରସ୍ଥ ଦ୍ୱୀପଗଣ ଆମ୍ଭର ସୁଖ୍ୟାତି ବିଷୟ କେବେ ଶୁଣି ନାହାନ୍ତି, କିଅବା ଆମ୍ଭର ପ୍ରତାପ ଦେଖି ନାହାନ୍ତି, ସେମାନଙ୍କ ନିକଟକୁ ପ୍ରେରଣ କରିବା ଓ ସେମାନେ ନାନା ଦେଶୀୟମାନଙ୍କ ମଧ୍ୟରେ ଆମ୍ଭର ମହିମା ପ୍ରକାଶ କରିବେ।”
\s5
\v 20 ପୁଣି, ସଦାପ୍ରଭୁ କହନ୍ତି, “ଇସ୍ରାଏଲର ସନ୍ତାନଗଣ ଯେପରି ଶୁଚି ପାତ୍ରରେ ସଦାପ୍ରଭୁଙ୍କ ଗୃହକୁ ଉପହାର ଆଣନ୍ତି, ସେହିପରି ସେମାନେ ତୁମ୍ଭମାନଙ୍କର ଭ୍ରାତା ସମସ୍ତଙ୍କୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉପହାର ନିମନ୍ତେ, ସର୍ବଦେଶୀୟମାନଙ୍କ ମଧ୍ୟରୁ ସେମାନଙ୍କୁ ଅଶ୍ୱ, ରଥ ଓ ଚୌଦଳ, ଖଚର ଓ ଦ୍ରୁତଗାମୀ ପଶୁମାନଙ୍କ ଉପରେ ଆମ୍ଭର ପବିତ୍ର ପର୍ବତ ଯିରୂଶାଲମକୁ ଆଣିବେ।”
\v 21 “ଆହୁରି, ଆମ୍ଭେ ସେମାନଙ୍କ ମଧ୍ୟରୁ ଯାଜକ ଓ ଲେବୀୟ ହେବା ନିମନ୍ତେ ଲୋକ ଗ୍ରହଣ କରିବା,” ଏହା ସଦାପ୍ରଭୁ କହନ୍ତି।
\s5
\v 22 “କାରଣ ଆମ୍ଭେ ଯେଉଁ ନୂତନ ଆକାଶମଣ୍ଡଳ ଓ ନୂତନ ପୃଥିବୀ ନିର୍ମାଣ କରିବା, ତାହା ଯେପରି ଆମ୍ଭ ସମ୍ମୁଖରେ ସ୍ଥାୟୀ ହେବ, ସେହିପରି ତୁମ୍ଭମାନଙ୍କର ବଂଶ ଓ ତୁମ୍ଭମାନଙ୍କର ନାମ ସ୍ଥାୟୀ ହେବ,” ଏହା ସଦାପ୍ରଭୁ କହନ୍ତି।
\v 23 “ଆଉ, ଏକ ଅମାବାସ୍ୟାଠାରୁ ଅନ୍ୟ ଅମାବାସ୍ୟା ପର୍ଯ୍ୟନ୍ତ ଓ ଏକ ବିଶ୍ରାମବାରଠାରୁ ଅନ୍ୟ ବିଶ୍ରାମବାର ପର୍ଯ୍ୟନ୍ତ ଯାବତୀୟ ମର୍ତ୍ତ୍ୟ ଆମ୍ଭ ସମ୍ମୁଖରେ ଭଜନା କରିବା ପାଇଁ ଆସିବେ,” ଏହା ସଦାପ୍ରଭୁ କହନ୍ତି।
\s5
\v 24 “ପୁଣି, ସେମାନେ ବାହାରେ ଯାଇ, ଯେଉଁମାନେ ଆମ୍ଭ ବିରୁଦ୍ଧରେ ଅଧର୍ମ କରିଅଛନ୍ତି, ସେହି ଲୋକମାନଙ୍କର ଶବ ଦେଖିବେ; କାରଣ ସେମାନଙ୍କର କୀଟ ମରିବ ନାହିଁ, କିଅବା ସେମାନଙ୍କର ଅଗ୍ନି ନିର୍ବାଣ ହେବ ନାହିଁ; ପୁଣି, ସେମାନେ ସମସ୍ତ ମର୍ତ୍ତ୍ୟର ଘୃଣାସ୍ପଦ ହେବେ।”