or_ulb/26-EZK.usfm

2147 lines
536 KiB
Plaintext

\id EZK Odia Old Version Revision
\ide UTF-8
\rem Copyright Information: Creative Commons Attribution- ShareAlike 4.0 License
\h ଯିହିଜିକଲ
\toc1 ଯିହିଜିକଲ
\toc2 ଯିହିଜିକଲ ଭବିଷ୍ୟଦବକ୍ତାଙ୍କ ପୁସ୍ତକ
\toc3 ezk
\mt1 ଯିହିଜିକଲ ଭବିଷ୍ୟଦବକ୍ତାଙ୍କ ପୁସ୍ତକ
\s5
\c 1
\s ବାବିଲରେ ଯିହିଜିକଲ
\p
\v 1 ତିରିଶ ବର୍ଷର ଚତୁର୍ଥ ମାସର ପଞ୍ଚମ ଦିନରେ ବାବିଲର କବାର ନଦୀ କୂଳରେ ବନ୍ଦୀମାନଙ୍କ ମଧ୍ୟରେ ମୁଁ ଥିବା ସମୟରେ ସ୍ୱର୍ଗ ମୁକ୍ତ ହେଲା, ତହିଁରେ ମୁଁ ପରମେଶ୍ୱରଙ୍କଠାରୁ ଦର୍ଶନମାନ ଦେଖିଲି।
\v 2 ରାଜା ଯିହୋୟାଖୀନ୍‍ର ବନ୍ଦୀ ହେବାର ପଞ୍ଚମ ବର୍ଷର, ସେହି ମାସର ପଞ୍ଚମ ଦିନରେ,
\v 3 କଲ୍‍ଦୀୟମାନଙ୍କ ଦେଶରେ କବାର ନଦୀ କୂଳରେ ବୂଷିର ପୁତ୍ର ଯିହିଜିକଲ ଯାଜକଙ୍କ ନିକଟରେ ସଦାପ୍ରଭୁଙ୍କର ବାକ୍ୟ ଉପସ୍ଥିତ ହେଲା; ପୁଣି, ସେଠାରେ ସଦାପ୍ରଭୁଙ୍କର ହସ୍ତ ତାଙ୍କ ଉପରେ ଥିଲା।
\s ସଦାପ୍ରଭୁଙ୍କର ଗୌରବର ଦର୍ଶନ
\p
\s5
\v 4 ଏଥିଉତ୍ତାରେ ମୁଁ ଦୃଷ୍ଟି କଲି, ଆଉ ଦେଖ, ଉତ୍ତର ଦିଗରୁ ଘୂର୍ଣ୍ଣି ବାୟୁ ବୃହତ୍ ମେଘ ଓ ଜାଜ୍ୱଲ୍ୟମାନ ଅଗ୍ନି ଆସିଲା, ଆଉ ତାହାର ଚତୁର୍ଦ୍ଦିଗରେ ତେଜ ଓ ତହିଁରେ ମଧ୍ୟସ୍ଥାନରେ ଅଗ୍ନିର ମଧ୍ୟବର୍ତ୍ତୀ ଉତ୍ତପ୍ତ ଧାତୁର ନ୍ୟାୟ ପ୍ରଭା ଥିଲା।
\v 5 ପୁଣି, ତହିଁ ମଧ୍ୟରୁ ଜୀବିତ ଚାରି ପ୍ରାଣୀର ମୂର୍ତ୍ତି ପ୍ରକାଶ ପାଇଲା। ସେମାନଙ୍କର ଆକୃତି ମନୁଷ୍ୟ ପରି ଥିଲା।
\v 6 ଆଉ, ପ୍ରତ୍ୟେକର ଚାରି ଚାରି ମୁଖ ଓ ପ୍ରତ୍ୟେକର ଚାରି ଚାରି ପକ୍ଷ ଥିଲା।
\s5
\v 7 ସେମାନଙ୍କର ପାଦ ସଳଖ, ଆଉ ସେମାନଙ୍କ ପାଦର ତଳିପା ଗୋବତ୍ସର ତଳିପାର ତୁଲ୍ୟ; ଆଉ, ସେମାନେ ପରିଷ୍କୃତ ପିତ୍ତଳ ପରି ଝଟକିଲେ।
\v 8 ଆଉ, ସେମାନଙ୍କ ଚତୁର୍ଦ୍ଦିଗସ୍ଥ ପକ୍ଷ ତଳେ ମନୁଷ୍ୟର ହସ୍ତ ତୁଲ୍ୟ ହସ୍ତ ଥିଲା; ପୁଣି, ସେହି ଚାରି ପ୍ରାଣୀର ମୁଖ ଓ ସେମାନଙ୍କର ପକ୍ଷ ଏହି ପ୍ରକାର ଥିଲା, ଯଥା;
\v 9 ସେମାନଙ୍କର ପକ୍ଷ ପରସ୍ପର ସଂଯୁକ୍ତ; ସେମାନେ ଗମନ କରିବା ବେଳେ ପଛକୁ ଫେରିଲେ ନାହିଁ; ମାତ୍ର ପ୍ରତ୍ୟେକେ ସମ୍ମୁଖ ପ୍ରତି ଗମନ କଲେ।
\s5
\v 10 ସେମାନଙ୍କ ମୁଖର ଆକୃତି ଏହିରୂପ, ଯଥା ସେମାନଙ୍କର ଗୋଟିଏ ମନୁଷ୍ୟର ମୁଖ ଥିଲା; ଆଉ, ଡାହାଣ ପାର୍ଶ୍ୱରେ ଚାରି ପ୍ରାଣୀର ସିଂହ ମୁଖ ଓ ବାମ ପାର୍ଶ୍ୱରେ ଚାରି ପ୍ରାଣୀର ଗୋରୁର ମୁଖ ଥିଲା; ସେହି ଚାରି ପ୍ରାଣୀର ମଧ୍ୟ ଉତ୍କ୍ରୋଶ ପକ୍ଷୀର ମୁଖ ଥିଲା।
\v 11 ପୁଣି, ଉପର ଭାଗରେ ସେମାନଙ୍କର ମୁଖ ଓ ପକ୍ଷ ବିଭିନ୍ନ ଥିଲା; ପ୍ରତ୍ୟେକର ଦୁଇ ଦୁଇ ପକ୍ଷ ପରସ୍ପର ସଂଯୁକ୍ତ ଥିଲା ଓ ଦୁଇ ଦୁଇ ପକ୍ଷ ସେମାନଙ୍କର ଶରୀର ଆଚ୍ଛାଦନ କଲା।
\v 12 ପୁଣି, ସେମାନେ ପ୍ରତ୍ୟେକେ ସମ୍ମୁଖପ୍ରତି ଗମନ କଲେ; ଯେଉଁଆଡ଼େ ଯିବାକୁ ପରମେଶ୍ୱରଙ୍କ ଆତ୍ମାର ଇଚ୍ଛା ହେଲା, ସେହିଆଡ଼େ ସେମାନେ ଗମନ କଲେ; ଗମନ ସମୟରେ ସେମାନେ ଫେରିଲେ ନାହିଁ।
\s5
\v 13 ଏହି ଜୀବିତ ପ୍ରାଣୀମାନଙ୍କ ଆକୃତି ପ୍ରଜ୍ୱଳିତ ଅଙ୍ଗାର ଓ ମଶାଲ ସଦୃଶ ଥିଲା; ତାହା ଜୀବିତ ପ୍ରାଣୀମାନଙ୍କ ମଧ୍ୟରେ ଗମନାଗମନ କଲା ଓ ସେହି ଅଗ୍ନି ତେଜୋମୟ ଓ ସେହି ଅଗ୍ନିରୁ ବିଦ୍ୟୁତ ନିର୍ଗତ ହେଲା।
\v 14 ପୁଣି, ସେହି ଜୀବିତ ପ୍ରାଣୀଗଣ ବିଦ୍ୟୁତର ଆଭା ସଦୃଶ ଦୌଡ଼ିଲେ ଓ ଫେରିଲେ।
\s5
\v 15 ମୁଁ ସେହି ଜୀବିତ ପ୍ରାଣୀମାନଙ୍କୁ ଦର୍ଶନ କଲା ବେଳେ, ଦେଖ, ସେହି ଜୀବିତ ପ୍ରାଣୀମାନଙ୍କ ପାର୍ଶ୍ୱରେ ସେମାନଙ୍କ ଚାରି ମୁଖର ପ୍ରତ୍ୟେକର ପାଇଁ ଭୂମି ଉପରେ ଗୋଟିଏ ଗୋଟିଏ ଚକ୍ର ଥିଲା।
\v 16 ସେହି ଚାରି ଚକ୍ରର ଆକୃତି ଓ ରଚନା ବୈଦୁର୍ଯ୍ୟମଣିର ଆଭା ତୁଲ୍ୟ ଓ ଚାରିର ରୂପ ଏକ ପ୍ରକାର; ପୁଣି, ସେମାନଙ୍କର ଆକୃତି ଓ ରଚନା ଚକ୍ର ମଧ୍ୟରେ ଚକ୍ର ପରି ଥିଲା।
\s5
\v 17 ଗମନ କଲା ବେଳେ ସେହି ଚାରି ଚକ୍ର ଆପଣା ଆପଣାର ଚାରି ପାର୍ଶ୍ୱରେ ଗମନ କଲେ; ଗମନ କଲା ବେଳେ ସେମାନେ ଫେରିଲେ ନାହିଁ।
\v 18 ସେମାନଙ୍କର ଘେର ଉଚ୍ଚ ଓ ଭୟଙ୍କର; ପୁଣି, ସେମାନଙ୍କର ସେହି ଚାରି ଘେରର ଚତୁର୍ଦ୍ଦିଗ ଚକ୍ଷୁରେ ପରିପୂର୍ଣ୍ଣ ଥିଲା।
\s5
\v 19 ଆଉ, ସେହି ଜୀବିତ ପ୍ରାଣୀମାନେ ଗମନ କରିବା ବେଳେ ସେହି ଚକ୍ରସବୁ ସେମାନଙ୍କ ପାର୍ଶ୍ୱରେ ଚଳିଲେ; ପୁଣି, ଜୀବିତ ପ୍ରାଣୀମାନେ ଭୂମିରୁ ଉତ୍ଥାପିତ ହେବା ବେଳେ ଚକ୍ରସବୁ ମଧ୍ୟ ଉତ୍ଥାପିତ ହେଲେ।
\v 20 ଯେକୌଣସି ସ୍ଥାନକୁ ଯିବାର ପରମେଶ୍ୱରଙ୍କ ଆତ୍ମାର ଇଚ୍ଛା, ସେସ୍ଥାନକୁ ସେମାନେ ଗଲେ; ଗମନ କରିବାକୁ ପରମେଶ୍ୱରଙ୍କ ଆତ୍ମାର ଇଚ୍ଛା ହେଲେ ସେମାନଙ୍କ ପାର୍ଶ୍ୱରେ ଚକ୍ରସବୁ ଉଠିଲେ; କାରଣ ଜୀବିତ ପ୍ରାଣୀର ପରମେଶ୍ୱରଙ୍କ ଆତ୍ମା ଚକ୍ରରେ ଥିଲା।
\v 21 ସେମାନେ ଗମନ କଲା ବେଳେ ଏମାନେ ଗମନ କଲେ ଓ ସେମାନେ ଠିଆ ହେବା ବେଳେ ଏମାନେ ଠିଆ ହେଲେ; ଆଉ, ସେମାନେ ଭୂମିରୁ ଉତ୍ଥାପିତ ହେବା ବେଳେ ସେମାନଙ୍କ ପାର୍ଶ୍ୱରେ ଚକ୍ରସବୁ ଉତ୍ଥାପିତ ହେଲେ; କାରଣ ଜୀବିତ ପ୍ରାଣୀର ପରମେଶ୍ୱରଙ୍କ ଆତ୍ମା ଚକ୍ରରେ ଥିଲା।
\s5
\v 22 ପୁଣି, ସେହି ଜୀବିତ ପ୍ରାଣୀର ମସ୍ତକ ଉପରେ ଶୂନ୍ୟର ଏକ ଆକୃତି ଥିଲା, ତାହା ଭୟଙ୍କର ସ୍ପଟିକ ତୁଲ୍ୟ ଆଭାବିଶିଷ୍ଟ ହୋଇ ସେମାନଙ୍କ ମସ୍ତକର ଉର୍ଦ୍ଧ୍ୱରେ ବିସ୍ତାରିତ ଥିଲା।
\v 23 ଆଉ, ସେହି ଶୂନ୍ୟର ତଳେ ସେମାନଙ୍କର ପକ୍ଷସବୁ ପରସ୍ପର ପ୍ରତି ପ୍ରସାରିତ ହୋଇ ସମାନ ଥିଲା; ପ୍ରତ୍ୟେକର ଶରୀର ଆଚ୍ଛାଦନ କରିବା ପାଇଁ ଏପାଖରେ ଦୁଇ ଓ ପ୍ରତ୍ୟେକର ଗାତ୍ର ଆଚ୍ଛାଦନ କରିବା ପାଇଁ ସେପାଖରେ ଦୁଇ ପକ୍ଷ ଥିଲା।
\s5
\v 24 ଆଉ, ସେମାନେ ଗମନ କରିବା ବେଳେ ମୁଁ ସେମାନଙ୍କ ପକ୍ଷୀର ଶବ୍ଦ ଶୁଣିଲି, ତାହା ମହା ଜଳରାଶିର କଲ୍ଲୋଳ ତୁଲ୍ୟ, ସର୍ବଶକ୍ତିମାନଙ୍କର ରବ ତୁଲ୍ୟ, ସୈନ୍ୟଦଳର ଶବ୍ଦ ତୁଲ୍ୟ କୋଳାହଳ ଶବ୍ଦ; ସେମାନେ ଠିଆ ହେବା ବେଳେ ଆପଣା ଆପଣା ପକ୍ଷ ସଙ୍କୋଚ କଲେ।
\v 25 ପୁଣି, ସେମାନଙ୍କର ମସ୍ତକର ଉପରିସ୍ଥ ଶୂନ୍ୟର ଉପରେ ଏକ ରବ ହେଲା; ସେମାନେ ଠିଆ ହେବା ବେଳେ ଆପଣା ଆପଣା ପକ୍ଷ ସଙ୍କୋଚ କଲେ।
\s5
\v 26 ପୁଣି, ସେମାନଙ୍କ ମସ୍ତକର ଉପରିସ୍ଥ ଶୂନ୍ୟର ଉର୍ଦ୍ଧ୍ୱରେ ନୀଳକାନ୍ତ ମଣି ସଦୃଶ ଏକ ସିଂହାସନର ଆକୃତି ଥିଲା; ଆଉ, ସେହି ସିଂହାସନର ଆକୃତି ଉପରେ ମନୁଷ୍ୟ ସଦୃଶ୍ୟ ଏକ ଆକୃତି ତହିଁର ଉର୍ଦ୍ଧ୍ୱ ଭାଗରେ ଥିଲା।
\s5
\v 27 ଆଉ, ମୁଁ ତାହାଙ୍କ କଟିଦେଶର ଆକୃତି ଓ ତହିଁର ଉର୍ଦ୍ଧ୍ୱରୁ, ତହିଁର ଭିତରେ ଓ ଚତୁର୍ଦ୍ଦିଗରେ ଅଗ୍ନି ସଦୃଶ ଉତ୍ତପ୍ତ ଧାତୁର ଆଭା ତୁଲ୍ୟ ଆଭା ଦେଖିଲି ଓ ତାହାଙ୍କ କଟିଦେଶର ଆକୃତିଠାରୁ ତଳ ପର୍ଯ୍ୟନ୍ତ ଅଗ୍ନି ସଦୃଶ ଆଭା ଦେଖିଲି ଓ ତାହାଙ୍କ ଚତୁର୍ଦ୍ଦିଗରେ ତେଜ ଥିଲା।
\v 28 ବୃଷ୍ଟି ଦିନରେ ମେଘରେ ଧନୁର ଯେପରି ଆଭା, ସେହିପରି ସେହି ଚତୁର୍ଦ୍ଦିଗସ୍ଥ ତେଜ ଥିଲା। ଏହା ସଦାପ୍ରଭୁଙ୍କ ପ୍ରତାପର ମୂର୍ତ୍ତିର ଆଭା। ପୁଣି, ମୁଁ ତାହା ଦେଖି ମୁହଁ ମାଡ଼ି ପଡ଼ିଲି, ତହିଁରେ ମୁଁ ବାକ୍ୟବାଦୀ ଏକ ବ୍ୟକ୍ତିଙ୍କର ରବ ଶୁଣିଲି।
\s5
\c 2
\s ଯିହିଜିକଲଙ୍କ ଆହ୍ୱାନ
\p
\v 1 ଏଥିଉତ୍ତାରେ ସେ ମୋତେ କହିଲେ, “ହେ ମନୁଷ୍ୟ ସନ୍ତାନ, ତୁମ୍ଭେ ଆପଣା ଚରଣରେ ଠିଆ ହୁଅ, ଆମ୍ଭେ ତୁମ୍ଭ ସଙ୍ଗେ କଥା କହିବା।”
\v 2 ସେ କଥା କହିବା ବେଳେ ପରମେଶ୍ୱରଙ୍କ ଆତ୍ମା ମୋ’ ମଧ୍ୟରେ ପ୍ରବେଶ କରି ମୋତେ ଚରଣରେ ଠିଆ କରାଇଲେ; ତହିଁରେ ଯେ ମୋ’ ସଙ୍ଗେ କଥା କହିଲେ, ତାହାଙ୍କ ବାକ୍ୟ ମୁଁ ଶୁଣିଲି।
\v 3 ପୁଣି, ସେ ମୋତେ କହିଲେ, “ହେ ମନୁଷ୍ୟ ସନ୍ତାନ, ଆମ୍ଭେ ଇସ୍ରାଏଲର ସନ୍ତାନଗଣର ନିକଟକୁ, ଯେଉଁମାନେ ଆମ୍ଭର ବିଦ୍ରୋହାଚରଣ କରିଅଛନ୍ତି, ସେହି ବିଦ୍ରୋହୀ ଗୋଷ୍ଠୀୟମାନଙ୍କ ନିକଟକୁ ତୁମ୍ଭକୁ ପ୍ରେରଣ କରୁଅଛୁ; ସେମାନେ ଓ ସେମାନଙ୍କର ପିତୃପୁରୁଷମାନେ ଆମ୍ଭ ବିରୁଦ୍ଧରେ ଅପରାଧ କରିଅଛନ୍ତି, ଆଜି ପର୍ଯ୍ୟନ୍ତ ସୁଦ୍ଧା କରୁଅଛନ୍ତି।
\s5
\v 4 ସେହି ସନ୍ତାନମାନେ ନିର୍ଲଜ୍ଜ ମୁଖ ଓ କଠିନ ଚିତ୍ତ; ଆମ୍ଭେ ସେମାନଙ୍କ ନିକଟକୁ ତୁମ୍ଭକୁ ପ୍ରେରଣ କରୁଅଛୁ; ତୁମ୍ଭେ ସେମାନଙ୍କୁ କହିବ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି।
\v 5 ସେମାନେ ବିଦ୍ରୋହୀ-ବଂଶ, ଏଣୁ ଶୁଣନ୍ତୁ ଅବା ନ ଶୁଣନ୍ତୁ, ତଥାପି ସେମାନଙ୍କ ମଧ୍ୟରେ ଜଣେ ଭବିଷ୍ୟଦ୍‍ବକ୍ତା ଉପସ୍ଥିତ ହୋଇଅଛି ବୋଲି ଜ୍ଞାତ ହେବେ।
\s5
\v 6 ହେ ମନୁଷ୍ୟ-ସନ୍ତାନ, ସତ୍ୟ, ସେମାନେ ତୁମ୍ଭ ନିକଟରେ କାନକୋଳି ଓ କଣ୍ଟକ ତୁଲ୍ୟ ଅଟନ୍ତି, ତୁମ୍ଭେ କଙ୍କଡ଼ାବିଚ୍ଛାମାନଙ୍କ ମଧ୍ୟରେ ବାସ କରୁଅଛ, ତଥାପି ସେମାନଙ୍କ ବିଷୟରେ ଭୀତ ହୁଅ ନାହିଁ, କିଅବା ସେମାନଙ୍କ କଥାରେ ଭୀତ ହୁଅ ନାହିଁ; ସେମାନେ ବିଦ୍ରୋହୀ-ବଂଶ ହେଲେ ହେଁ ତୁମ୍ଭେ ସେମାନଙ୍କ କଥାରେ ଭୀତ ହୁଅ ନାହିଁ, କିଅବା ସେମାନଙ୍କ ଚାହାଣିରେ ଉଦ୍‍ବିଗ୍ନ ହୁଅ ନାହିଁ।
\s5
\v 7 ସେମାନେ ଅତ୍ୟନ୍ତ ବିଦ୍ରୋହୀ, ଏହେତୁ ସେମାନେ ଶୁଣନ୍ତୁ, ଅବା ନ ଶୁଣନ୍ତୁ, ତୁମ୍ଭେ ସେମାନଙ୍କୁ ଆମ୍ଭର ବାକ୍ୟସବୁ କୁହ।
\v 8 ମାତ୍ର ହେ ମନୁଷ୍ୟ ସନ୍ତାନ, ଆମ୍ଭେ ତୁମ୍ଭକୁ ଯାହା କହୁ, ତାହା ତୁମ୍ଭେ ଶୁଣ; ତୁମ୍ଭେ ସେହି ବିଦ୍ରୋହୀ-ବଂଶ ତୁଲ୍ୟ ବିଦ୍ରୋହୀ ହୁଅ ନାହିଁ; ଆପଣା ମୁଖ ଫିଟାଅ, ଆମ୍ଭେ ତୁମ୍ଭକୁ ଯାହା ଦେଉ, ତାହା ଭୋଜନ କର।”
\s5
\v 9 ତହିଁରେ ମୁଁ ଅନାନ୍ତେ, ଦେଖ, ଏକ ହସ୍ତ ମୋ’ ପ୍ରତି ପ୍ରସାରିତ ହେଲା, ଆଉ ଦେଖ, ତହିଁ ମଧ୍ୟରେ ଏକ ନଳାକାର ପୁସ୍ତକ ଥିଲା;
\v 10 ଆଉ, ସେ ମୋ’ ସମ୍ମୁଖରେ ତାହା ପ୍ରସାର କଲେ; ପୁଣି, ତାହା ଭିତରେ ଓ ବାହାରେ ଲେଖା ହୋଇଥିଲା; ଆଉ, ତହିଁ ମଧ୍ୟରେ ବିଳାପ, ଶୋକ ଓ ସନ୍ତାପର କଥା ଲିଖିତ ଥିଲା।
\s5
\c 3
\p
\v 1 ଏଥିଉତ୍ତାରେ ସେ ମୋତେ କହିଲେ, “ହେ ମନୁଷ୍ୟ ସନ୍ତାନ, ତୁମ୍ଭ ନିକଟରେ ଯାହା ଉପସ୍ଥିତ ତାହା ଭୋଜନ କର; ଏହି ନଳାକାର ପୁସ୍ତକ ଭୋଜନ କର ଓ ଯାଇ ଇସ୍ରାଏଲ ବଂଶ ସହିତ କଥା କୁହ।”
\v 2 ତହିଁରେ ମୁଁ ଆପଣା ମୁଖ ଫିଟାନ୍ତେ, ସେ ମୋତେ ସେହି ନଳାକାର ପୁସ୍ତକ ଭୋଜନ କରାଇଲେ।
\v 3 ପୁଣି, ସେ ମୋତେ କହିଲେ, “ହେ ମନୁଷ୍ୟ-ସନ୍ତାନ, ଆମ୍ଭେ ତୁମ୍ଭକୁ ଯେଉଁ ନଳାକାର ପୁସ୍ତକ ଦେଉ, ତାହା ତୁମ୍ଭେ ଜଠରରେ ଗ୍ରହଣ କରି ଆପଣା ଉଦର ପୂର୍ଣ୍ଣ କର !” ତହିଁରେ ମୁଁ ତାହା ଭୋଜନ କଲି; ଆଉ, ମିଷ୍ଟତା ସକାଶୁ ତାହା ମୋ’ ମୁଖକୁ ମଧୁପରି ଲାଗିଲା।
\s5
\v 4 ଏଉତ୍ତାରେ ସେ ମୋତେ କହିଲେ, “ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଇସ୍ରାଏଲ ବଂଶ ନିକଟକୁ ଯାଇ ସେମାନଙ୍କୁ ଆମ୍ଭର ବାକ୍ୟସକଳ କୁହ।
\v 5 କାରଣ ତୁମ୍ଭେ କୌଣସି ବିଦେଶୀୟ ଓ କଠିନ ଭାଷାବାଦୀ ଗୋଷ୍ଠୀ ନିକଟକୁ ପ୍ରେରିତ ନ ହୋଇ ଇସ୍ରାଏଲ ବଂଶ ନିକଟକୁ ପ୍ରେରିତ ହେଉଅଛ;
\v 6 ଯେଉଁମାନଙ୍କର ଭାଷା ତୁମ୍ଭେ ବୁଝି ନ ପାର, ଏପରି ବିଦେଶୀୟ ଓ କଠିନ ଭାଷାବାଦୀ ଅନେକ ଗୋଷ୍ଠୀ ନିକଟକୁ ତୁମ୍ଭେ ପ୍ରେରିତ ହେଉ ନାହଁ। ଆମ୍ଭେ ସେମାନଙ୍କ ନିକଟକୁ ତୁମ୍ଭକୁ ପଠାଇଲେ, ସେମାନେ ନିଶ୍ଚୟ ତୁମ୍ଭର କଥା ଶୁଣନ୍ତେ।
\v 7 ମାତ୍ର ଇସ୍ରାଏଲ ବଂଶ ତୁମ୍ଭ କଥା ଶୁଣିବେ ନାହିଁ; କାରଣ ସେମାନେ ଆମ୍ଭ କଥା ଶୁଣିବେ ନାହିଁ; ସମୁଦାୟ ଇସ୍ରାଏଲ ବଂଶ ଶକ୍ତଗ୍ରୀବ ଓ କଠିନ ଚିତ୍ତ ଅଟନ୍ତି।
\s5
\v 8 ଦେଖ, ଆମ୍ଭେ ସେମାନଙ୍କ ମୁଖର ପ୍ରତିକୂଳରେ ତୁମ୍ଭର ମୁଖ ଓ ସେମାନଙ୍କ କପାଳର ପ୍ରତିକୂଳରେ ତୁମ୍ଭର କପାଳ ଦୃଢ଼ କରିଅଛୁ।”
\v 9 ଆମ୍ଭେ ଚକ୍‍ମକି ପ୍ରସ୍ତର ଅପେକ୍ଷା ଦୃଢ଼ ହୀରକ ତୁଲ୍ୟ ତୁମ୍ଭର କପାଳ କରିଅଛୁ; ସେମାନେ ବିଦ୍ରୋହୀ-ବଂଶ ହେଲେ ହେଁ ସେମାନଙ୍କୁ ଭୟ କର ନାହିଁ, କିଅବା ସେମାନଙ୍କ ଚାହାଣିରେ ଉଦ୍‍ବିଗ୍ନ ହୁଅ ନାହିଁ।
\s5
\v 10 ଆହୁରି, ସେ ମୋତେ କହିଲେ, “ହେ ମନୁଷ୍ୟ ସନ୍ତାନ, ଆମ୍ଭେ ତୁମ୍ଭକୁ ଯାହା ଯାହା କହିବା, ଆମ୍ଭର ସେହିସବୁ କଥା ତୁମ୍ଭେ ଆପଣା ଅନ୍ତଃକରଣରେ ଗ୍ରହଣ କର ଓ ଆପଣା କର୍ଣ୍ଣରେ ଶ୍ରବଣ କର।
\v 11 ପୁଣି, ତୁମ୍ଭ ଲୋକଙ୍କର ନିର୍ବାସିତ ସନ୍ତାନଗଣ ନିକଟକୁ ଯାଇ ସେମାନଙ୍କୁ କୁହ; ସେମାନେ ଶୁଣନ୍ତୁ ଅବା ନ ଶୁଣନ୍ତୁ, ସେମାନଙ୍କୁ ଜଣାଅ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି।”
\s5
\v 12 ଏଉତ୍ତାରେ ପରମେଶ୍ୱରଙ୍କ ଆତ୍ମା ମୋତେ ଉପରକୁ ଉଠାଇଲେ, ତହିଁରେ ମୁଁ ଆପଣା ପଶ୍ଚାତରେ, “ଧନ୍ୟ ସଦାପ୍ରଭୁଙ୍କର ମହିମା,” ଏହି କଥା ମହା ଖରତର ଶବ୍ଦର ନ୍ୟାୟ ତାହାଙ୍କ ସ୍ଥାନରୁ ଶୁଣିଲି।
\v 13 ପୁଣି, ସେହି ଜୀବିତ ପ୍ରାଣୀମାନଙ୍କ ପକ୍ଷ ପରସ୍ପର ସ୍ପର୍ଶ କରନ୍ତେ, ମୁଁ ତହିଁର ଶବ୍ଦ ଓ ସେମାନଙ୍କ ପାର୍ଶ୍ୱସ୍ଥ ଚକ୍ରର ଶବ୍ଦ, ଏହି ମହା ଖରତର ଶବ୍ଦ ଶୁଣିଲି।
\s5
\v 14 ତହିଁରେ ପରମେଶ୍ୱରଙ୍କ ଆତ୍ମା ମୋତେ ଉପରକୁ ଉଠାଇ ନେଇଗଲେ; ତହୁଁ ମୁଁ ଦୁଃଖିତ ଓ ପରମେଶ୍ୱରଙ୍କ ଆତ୍ମାରେ ତାପିତ ହୋଇ ଗମନ କଲି, ପୁଣି, ସଦାପ୍ରଭୁଙ୍କର ହସ୍ତ ମୋ’ ଉପରେ ପ୍ରବଳ ଥିଲା।
\v 15 ତେବେ ମୁଁ ତେଲଆବୀବକୁ, କବାର ନଦୀତୀର ନିବାସୀ ନିର୍ବାସିତ ଲୋକମାନଙ୍କ ନିକଟକୁ ଆସିଲି ଓ ସେମାନେ ଯେଉଁ ସ୍ଥାନରେ ବାସ କଲେ, ସେହି ସ୍ଥାନରେ ସେମାନଙ୍କ ମଧ୍ୟରେ ସ୍ତବ୍ଧ ହୋଇ ସାତ ଦିନ ବସି ରହିଲି।
\s ଇସ୍ରାଏଲ ପ୍ରତି ପ୍ରହରୀ
\p
\s5
\v 16 ଏଥିଉତ୍ତାରେ ସାତ ଦିନ ସମାପ୍ତ ହେଲା ପରେ ସଦାପ୍ରଭୁଙ୍କର ଏହି ବାକ୍ୟ ମୋ’ ନିକଟରେ ଉପସ୍ଥିତ ହେଲା, ଯଥା:
\v 17 ହେ ମନୁଷ୍ୟ-ସନ୍ତାନ, ଆମ୍ଭେ ଇସ୍ରାଏଲ ବଂଶ ପ୍ରତି ତୁମ୍ଭକୁ ପ୍ରହରୀ କରି ନିଯୁକ୍ତ କରିଅଛୁ; ଏହେତୁ ଆମ୍ଭ ମୁଖର କଥା ଶୁଣ ଓ ଆମ୍ଭ ନାମରେ ସେମାନଙ୍କୁ ଚେତନା ଦିଅ।
\v 18 ତୁମ୍ଭେ ନିଶ୍ଚୟ ମରିବ, ଏହି କଥା ଯେତେବେଳେ ଆମ୍ଭେ ଦୁଷ୍ଟକୁ କହୁ; ସେତେବେଳେ ତୁମ୍ଭେ ଯଦି ତାହାକୁ ଚେତନା ନ ଦିଅ, କିଅବା ତାହାର ପ୍ରାଣ ରକ୍ଷା ନିମନ୍ତେ ଚେତନା ଦେବା ପାଇଁ ସେହି ଦୁଷ୍ଟ ଲୋକକୁ ତାହାର କୁପଥ ବିଷୟରେ କିଛି ନ କୁହ; ତେବେ ସେହି ଦୁଷ୍ଟ ଲୋକ ଆପଣା ଅଧର୍ମରେ ମରିବ; ମାତ୍ର ଆମ୍ଭେ ତୁମ୍ଭ ହସ୍ତରୁ ତାହାର ରକ୍ତର ପ୍ରତିଶୋଧ ନେବା।
\v 19 ତଥାପି ତୁମ୍ଭେ ଯଦି ଦୁଷ୍ଟକୁ ଚେତନା ଦିଅ, ଆଉ ସେ ଆପଣା ଦୁଷ୍ଟତାରୁ ଓ ଆପଣା କୁପଥରୁ ନ ଫେରେ, ସେ ନିଜ ଅଧର୍ମରେ ମରିବ, ମାତ୍ର ତୁମ୍ଭେ ଆପଣା ପ୍ରାଣ ରକ୍ଷା କରିବ।
\s5
\v 20 ପୁନର୍ବାର କୌଣସି ଧାର୍ମିକ ଲୋକ ଯଦି ଆପଣା ଧର୍ମରୁ ଫେରି ଅଧର୍ମ କରେ ଓ ଆମ୍ଭେ ତାହା ସମ୍ମୁଖରେ ବାଧା ରଖୁ, ତେବେ ସେ ମରିବ; ତୁମ୍ଭେ ତାହାକୁ ଚେତନା ନ ଦେବା ସକାଶୁ ସେ ଆପଣା ପାପରେ ମରିବ ଓ ତାହାର ଧର୍ମକର୍ମସବୁ ସ୍ମରଣ କରାଯିବ ନାହିଁ; ମାତ୍ର ଆମ୍ଭେ ତୁମ୍ଭ ହସ୍ତରୁ ତାହାର ରକ୍ତର ପ୍ରତିଶୋଧ ନେବା।
\v 21 ତଥାପି ଧାର୍ମିକ ଲୋକ ଯେପରି ପାପ ନ କରିବ, ଏଥିପାଇଁ ତୁମ୍ଭେ ଧାର୍ମିକ ଲୋକକୁ ଚେତନା ଦେଲେ, ସେ ଯଦି ପାପ ନ କରେ, ତେବେ ସେ ଚେତନା ଗ୍ରହଣ କରିବା ସକାଶୁ ନିଶ୍ଚୟ ବଞ୍ଚିବ ଓ ତୁମ୍ଭେ ଆପଣା ପ୍ରାଣ ରକ୍ଷା କରିବ।
\s5
\v 22 ଏଥିଉତ୍ତାରେ ସେହି ସ୍ଥାନରେ ସଦାପ୍ରଭୁଙ୍କର ହସ୍ତ ମୋ’ ଉପରେ ଅଧିଷ୍ଠାନ କଲା; ପୁଣି, ସେ ମୋତେ କହିଲେ, “ତୁମ୍ଭେ ଉଠି ପଦାଭୂମିକୁ ବାହାରି ଯାଅ, ଆଉ ଆମ୍ଭେ ସେଠାରେ ତୁମ୍ଭ ସଙ୍ଗେ କଥାବାର୍ତ୍ତା କରିବା” !
\v 23 ତହିଁରେ ମୁଁ ଉଠି ପଦାଭୂମିକୁ ବାହାରି ଗଲି; ଆଉ ଦେଖ, କବାର ନଦୀ କୂଳରେ ମୁଁ ଯେଉଁ ମହିମା ଦେଖିଥିଲି, ତାହାର ତୁଲ୍ୟ ସଦାପ୍ରଭୁଙ୍କର ମହିମା ସେହି ସ୍ଥାନରେ ଉପସ୍ଥିତ ହେଲା; ତହୁଁ ମୁଁ ଉବୁଡ଼ ହେଲି।
\s5
\v 24 ତହିଁରେ ପରମେଶ୍ୱରଙ୍କ ଆତ୍ମା ମୋ’ ମଧ୍ୟରେ ପ୍ରବେଶ କରି ମୋତେ ଚରଣରେ ଠିଆ କରାଇଲେ; ପୁଣି, ସେ ମୋ’ ସଙ୍ଗେ କଥାବାର୍ତ୍ତା କରି ମୋତେ କହିଲେ, “ଯାଅ, ତୁମ୍ଭେ ଆପଣା ଗୃହ ଭିତରେ ଆପଣାକୁ ରୁଦ୍ଧ କରି ରଖ।
\v 25 ମାତ୍ର ହେ ମନୁଷ୍ୟ ସନ୍ତାନ, ଦେଖ, ଲୋକମାନେ ତୁମ୍ଭ ଉପରେ ରଜ୍ଜୁ ଦେଇ ତଦ୍ଦ୍ୱାରା ତୁମ୍ଭକୁ ବାନ୍ଧିବେ, ତହିଁରେ ତୁମ୍ଭେ ବାହାରି ସେମାନଙ୍କ ମଧ୍ୟରେ ଯିବ ନାହିଁ;
\s5
\v 26 ପୁଣି, ଆମ୍ଭେ ତୁମ୍ଭ ଜିହ୍ୱାକୁ ତୁମ୍ଭ ମୁଖର ତାଳୁରେ ଯୁକ୍ତ କରିବା, ତହିଁରେ ତୁମ୍ଭେ ଘୁଙ୍ଗା ହେବ ଓ ସେମାନଙ୍କର ଭର୍ତ୍ସନାକାରୀ ହେବ ନାହିଁ; କାରଣ ସେମାନେ ବିଦ୍ରୋହୀ ବଂଶ ଅଟନ୍ତି।
\v 27 ମାତ୍ର ଆମ୍ଭେ ତୁମ୍ଭ ସଙ୍ଗେ କଥା କହିବା ସମୟରେ ତୁମ୍ଭ ମୁଖ ଫିଟାଇବା, ତହିଁରେ ତୁମ୍ଭେ ସେମାନଙ୍କୁ କହିବ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ଯେ ଶୁଣେ, ସେ ଶୁଣୁ ଓ ଯେ ନ ଶୁଣେ, ସେ ନ ଶୁଣୁ; କାରଣ ସେମାନେ ବିଦ୍ରୋହୀ ବଂଶ” !
\s5
\c 4
\s ଯିରୂଶାଲମ ଅବରୋଧର ଛବି
\p
\v 1 ଆହୁରି, ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଏକ ଇଟା ନେଇ ଆପଣା ସମ୍ମୁଖରେ ରଖ ଓ ତହିଁ ଉପରେ ଏକ ନଗରର, ଅର୍ଥାତ୍‍, ଯିରୂଶାଲମର ଛବି ଅଙ୍କିତ କର;
\v 2 ଆଉ, ତାହା ସୈନ୍ୟରେ ବେଷ୍ଟିତ କର, ତାହା ବିରୁଦ୍ଧରେ ଗଡ଼ ନିର୍ମାଣ କର ଓ ତାହା ବିରୁଦ୍ଧରେ ବନ୍ଧ ବାନ୍ଧ; ମଧ୍ୟ ତାହା ବିରୁଦ୍ଧରେ ଛାଉଣି ସ୍ଥାପନ କର ଓ ତହିଁର ଚତୁର୍ଦ୍ଦିଗରେ ପ୍ରାଚୀର ଭେଦକ ଯନ୍ତ୍ର ସ୍ଥାପନ କର।
\v 3 ପୁଣି, ଏକ ଖଣ୍ଡ ଲୁହାର କହ୍ରାଇ ନେଇ ତୁମ୍ଭର ଓ ନଗରର ମଧ୍ୟରେ ଲୌହ ପ୍ରାଚୀର ତୁଲ୍ୟ ତାହା ସ୍ଥାପନ କର; ଆଉ, ତୁମ୍ଭର ମୁଖ ତହିଁ ପ୍ରତି ରଖ, ତହିଁରେ ତାହା ଅବରୁଦ୍ଧ ହେବ ଓ ତୁମ୍ଭେ ତାହା ଅବରୋଧ କରି ତହିଁ ବିରୁଦ୍ଧରେ ରହିବ। ଏହା ଇସ୍ରାଏଲ ବଂଶ ପ୍ରତି ଏକ ଚିହ୍ନ ସ୍ୱରୂପ ହେବ।
\s5
\v 4 ଆହୁରି, ତୁମ୍ଭେ ଆପଣା ବାମ ପାର୍ଶ୍ୱରେ ଶୟନ କରି ଇସ୍ରାଏଲ ବଂଶର ଅଧର୍ମ ତହିଁ ଉପରେ ରଖ, ତୁମ୍ଭେ ତହିଁ ଉପରେ ଶୟନ କରିବା ଦିନର ସଂଖ୍ୟାନୁସାରେ ସେମାନଙ୍କର ଅଧର୍ମ ବୋହିବ।
\v 5 କାରଣ ଆମ୍ଭେ ସେମାନଙ୍କର ଅଧର୍ମର ବର୍ଷ ତୁମ୍ଭ ପ୍ରତି କେତେକ ସଂଖ୍ୟକ ଦିନ, ଅର୍ଥାତ୍‍, ତିନି ଶହ ନବେ ଦିନ ହେବା ପାଇଁ ନିରୂପଣ କରିଅଛୁ; ଏହି ପ୍ରକାରେ ତୁମ୍ଭେ ଇସ୍ରାଏଲ ବଂଶର ଅଧର୍ମ ବୋହିବ।
\s5
\v 6 ପୁନର୍ବାର ତୁମ୍ଭେ ସେହି ସକଳ ଦିନ ସମାପ୍ତ କଲା ଉତ୍ତାରେ ଆପଣା ଡାହାଣ ପାର୍ଶ୍ୱରେ ଶୟନ କରି ଯିହୁଦା ବଂଶର ଅଧର୍ମ ବୋହିବ; ଚାଳିଶ ବର୍ଷର ଏକ ଏକ ବର୍ଷକୁ ଆମ୍ଭେ ତୁମ୍ଭ ପାଇଁ ଏକ ଏକ ଦିନ କରି ନିରୂପଣ କରିଅଛୁ।
\v 7 ଆଉ, ତୁମ୍ଭେ ଆପଣା ବାହୁ ଅନାବୃତ କରି ଯିରୂଶାଲମର ସୈନ୍ୟ ବେଷ୍ଟନ ପ୍ରତି ମୁଖ ରଖିବ ଓ ତହିଁ ବିରୁଦ୍ଧରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରିବ।
\v 8 ପୁଣି, ଦେଖ, ଆମ୍ଭେ ତୁମ୍ଭକୁ ରଜ୍ଜୁରେ ବାନ୍ଧୁଅଛୁ, ଏଣୁ ତୁମ୍ଭେ ତୁମ୍ଭର ଅବରୋଧର ଦିନ ସମାପ୍ତ ନ କରିବା ପର୍ଯ୍ୟନ୍ତ ଏ ପାର୍ଶ୍ୱରୁ ସେ ପାର୍ଶ୍ୱକୁ ଲେଉଟିବ ନାହିଁ।
\s5
\v 9 ଆହୁରି, ତୁମ୍ଭେ ଆପଣା ପାଇଁ ଗହମ, ଯବ, ଶିମ, ମସୁର, କାଙ୍ଗୁ ଓ ଜହ୍ନା ନେଇ ଗୋଟିଏ ପାତ୍ରରେ ରଖି ତହିଁରୁ ରୁଟି ପ୍ରସ୍ତୁତ କର; ତୁମ୍ଭେ ଯେଉଁ ତିନି ଶହ ନବେ ଦିନ ଆପଣା ପାର୍ଶ୍ୱରେ ଶୟନ କରିବ, ସେହି ଦିନର ସଂଖ୍ୟାନୁସାରେ ତାହା ଭୋଜନ କରିବ।
\v 10 ପୁଣି, ତୁମ୍ଭେ ଯେଉଁ ଖାଦ୍ୟ ଭୋଜନ କରିବ, ତାହା ପରିମାଣରେ ଏକ ଏକ ଦିନକୁ କୋଡ଼ିଏ ଶେକଲ
\f +
\fr 4:10
\fq କୋଡ଼ିଏ ଶେକଲ
\ft ଅର୍ଥାତ୍ ୨୨୮ ଗ୍ରାମ୍
\f* ଲେଖାଏଁ ହେବ; ତୁମ୍ଭେ ସମୟକୁ ସମୟ ତାହା ଭୋଜନ କରିବ।
\v 11 ଆଉ, ତୁମ୍ଭେ ପରିମାଣ ଅନୁସାରେ ଏକ ହୀନ୍‍ର ଷଷ୍ଠାଂଶ ଜଳ
\f +
\fr 4:11
\fq ଏକ ହୀନ୍‍ର ଷଷ୍ଠାଂଶ ଜଳ
\ft ଅର୍ଥାତ୍ ଅଧା ଲିଟର
\f* ପାନ କରିବ; ତୁମ୍ଭେ ସମୟକୁ ସମୟ ତାହା ପାନ କରିବ।
\s5
\v 12 ପୁଣି, ତୁମ୍ଭେ ସେହି ଖାଦ୍ୟଦ୍ରବ୍ୟ ଯବ ପିଷ୍ଟକ ପରି ଭୋଜନ କରିବ ଓ ସେମାନଙ୍କ ସାକ୍ଷାତରେ ମନୁଷ୍ୟର ବିଷ୍ଠା ଦ୍ୱାରା ତାହା ପାକ କରିବ !
\v 13 ପୁଣି, ସଦାପ୍ରଭୁ କହିଲେ, “ଆମ୍ଭେ ଇସ୍ରାଏଲର ସନ୍ତାନଗଣକୁ ଯେଉଁ ଗୋଷ୍ଠୀୟମାନଙ୍କ ମଧ୍ୟକୁ ତଡ଼ି ଦେବା, ସେମାନଙ୍କ ମଧ୍ୟରେ ସେମାନେ ଏହି ପ୍ରକାରେ ଆପଣା ଆପଣା ଅଶୁଚି ରୁଟି ଖାଇବେ।”
\s5
\v 14 ସେତେବେଳେ ମୁଁ କହିଲି, “ଆହା, ପ୍ରଭୁ, ସଦାପ୍ରଭୁ ! ଦେଖ, ମୋର ପ୍ରାଣ ଅଶୁଚି ହୋଇ ନାହିଁ, ମୁଁ ବାଲ୍ୟକାଳରୁ ଆଜି ପର୍ଯ୍ୟନ୍ତ ସ୍ୱୟଂମୃତ କିଅବା ପଶୁ ଦ୍ୱାରା ବିଦୀର୍ଣ୍ଣ କିଛି ହିଁ ଭୋଜନ କରି ନାହିଁ; ଅଥବା ଘୃଣାଯୋଗ୍ୟ ମାଂସ ମୋ’ ମୁଖରେ ପ୍ରବେଶ କରି ନାହିଁ !”
\v 15 ତହିଁରେ ସେ ମୋତେ କହିଲେ, “ଦେଖ, ଆମ୍ଭେ ମନୁଷ୍ୟର ବିଷ୍ଠା ବଦଳେ ଗୋମୟ ତୁମ୍ଭକୁ ଦେଲୁ, ଆଉ ତୁମ୍ଭେ ତହିଁ ଉପରେ ଆପଣା ରୁଟି ପାକ କରିବ।”
\s5
\v 16 ଆହୁରି, ସେ ମୋତେ କହିଲେ, “ହେ ମନୁଷ୍ୟ ସନ୍ତାନ, ଦେଖ, ଆମ୍ଭେ ଯିରୂଶାଲମରେ ଅନ୍ନରୂପ ଯଷ୍ଟି ଭାଙ୍ଗିବା, ତହିଁରେ ଲୋକମାନେ ସୀମିତ ପରିମାଣ ଅନ୍ନ ଯତ୍ନ ସହ ଭୋଜନ କରିବେ ଓ ସୀମିତ ପରିମାଣ ଜଳ ଭୟରେ ପାନ କରିବେ;
\v 17 ତହିଁରେ ଅନ୍ନ ଓ ଜଳର ଅଭାବରେ ସେମାନେ ପରସ୍ପର ପ୍ରତି ବିସ୍ମୟାପନ୍ନ ହୋଇ ଆପଣା ଆପଣା ଅଧର୍ମରେ କ୍ଷୀଣ ହେବେ।”
\s5
\c 5
\s ଯିରୂଶାଲମର ବିନାଶ
\p
\v 1 “ପୁଣି, ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଏକ ତୀକ୍ଷ୍ଣ ଖଡ୍ଗ, ବାରିକର କ୍ଷୁର ପରି ନେଇ ଆପଣା ମସ୍ତକ ଓ ଦାଢ଼ି ଉପରେ ଚଳାଇବ; ତହୁଁ ନିକିତି ନେଇ ସେହି କେଶ ତୌଲି ଭାଗ ଭାଗ କରିବ।
\v 2 ତହିଁର ତୃତୀୟାଂଶ ନେଇ ଅବରୋଧ କାଳ ସମାପ୍ତ ହେଲେ ନଗରର ମଧ୍ୟସ୍ଥାନରେ ଅଗ୍ନିରେ ଦଗ୍ଧ କରିବ; ପୁଣି, ତୃତୀୟାଂଶ ନେଇ ତହିଁର ଚତୁର୍ଦ୍ଦିଗରେ ଖଡ୍ଗରେ କାଟିବ; ଆଉ, ତୃତୀୟାଂଶ ନେଇ ବାୟୁରେ ଉଡ଼ାଇ ଦେବ ଓ ଆମ୍ଭେ ତହିଁର ପଛେ ପଛେ ଖଡ୍ଗ ନିଷ୍କୋଷ କରିବା।
\s5
\v 3 ପୁଣି, ତୁମ୍ଭେ ଅଳ୍ପସଂଖ୍ୟକ କେଶ ନେଇ ଆପଣା ବସ୍ତ୍ରର ଅଞ୍ଚଳରେ ବାନ୍ଧିବ
\v 4 ଓ ତହିଁ ମଧ୍ୟରୁ ହିଁ କିଛି ନେଇ ଅଗ୍ନି ମଧ୍ୟରେ ପକାଇ ଦଗ୍ଧ କରିବ, ତହିଁରୁ ଅଗ୍ନି ନିର୍ଗତ ହୋଇ ଇସ୍ରାଏଲ ବଂଶ ମଧ୍ୟକୁ ଆସିବ।”
\s5
\v 5 ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି: “ଏ ଯିରୂଶାଲମ; ଆମ୍ଭେ ଏହାକୁ ଗୋଷ୍ଠୀଗଣ ମଧ୍ୟରେ ସ୍ଥାପନ କରିଅଛୁ ଓ ତାହାର ଚତୁର୍ଦ୍ଦିଗରେ ନାନା ଦେଶ ଅଛି।
\v 6 ଆଉ, ସେ ଦୁଷ୍ଟତା କରି ସେହି ଗୋଷ୍ଠୀଗଣ ଅପେକ୍ଷା ଆମ୍ଭ ଶାସନାବଳି ବିରୁଦ୍ଧରେ ଓ ତାହାର ଚତୁର୍ଦ୍ଦିଗସ୍ଥିତ ଦେଶସମୂହର ଅପେକ୍ଷା ଆମ୍ଭ ବିଧିସକଳର ବିରୁଦ୍ଧରେ ବିଦ୍ରୋହାଚରଣ କରିଅଛି; କାରଣ ସେମାନେ ଆମ୍ଭର ଶାସନାବଳି ଅଗ୍ରାହ୍ୟ କରିଅଛନ୍ତି ଓ ଆମ୍ଭର ବିଧିରୂପ ପଥରେ ଗମନ କରି ନାହାନ୍ତି !”
\s5
\v 7 ଏହେତୁ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; “ତୁମ୍ଭେମାନେ ଆପଣା ଚତୁର୍ଦ୍ଦିଗସ୍ଥିତ ଗୋଷ୍ଠୀଗଣ ଅପେକ୍ଷା ଅଧିକ ଗଣ୍ଡଗୋଳକାରୀ ଅଟ ଓ ଆମ୍ଭ ବିଧିରୂପ ପଥରେ ଗମନ କରି ନାହଁ, କିଅବା ଆମ୍ଭର ଶାସନସକଳ ପାଳନ କରି ନାହଁ, ଅଥବା ଆପଣା ଚତୁର୍ଦ୍ଦିଗସ୍ଥିତ ଗୋଷ୍ଠୀଗଣର ବିଧାନାନୁସାରେ କର୍ମ କରି ନାହଁ”
\v 8 ଏଥିପାଇଁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, “ଦେଖ, ଆମ୍ଭେ, ଆମ୍ଭେ ହିଁ ତୁମ୍ଭର ବିପକ୍ଷ ଅଟୁ ଓ ଆମ୍ଭେ ଗୋଷ୍ଠୀଗଣର ସାକ୍ଷାତରେ ତୁମ୍ଭ ମଧ୍ୟରେ ବିଚାର ସାଧନ କରିବା।
\s5
\v 9 ପୁଣି, ଯାହା ଆମ୍ଭେ କରି ନାହୁଁ ଓ ଯହିଁର ତୁଲ୍ୟ ଆଉ ଆମ୍ଭେ କରିବା ନାହିଁ, ଏପରି କର୍ମ, ତୁମ୍ଭମାନଙ୍କର ଘୃଣାଯୋଗ୍ୟ ସକଳ କ୍ରିୟା ସକାଶୁ ଆମ୍ଭେ ତୁମ୍ଭମାନଙ୍କ ମଧ୍ୟରେ କରିବା।”
\v 10 ଏଥିପାଇଁ ତୁମ୍ଭମାନଙ୍କ ମଧ୍ୟରେ ପିତୃଗଣ ସନ୍ତାନଗଣକୁ ଭୋଜନ କରିବେ ଓ ସନ୍ତାନମାନେ ଆପଣା ଆପଣା ପିତାକୁ ଭୋଜନ କରିବେ; ପୁଣି, ଆମ୍ଭେ ତୁମ୍ଭ ମଧ୍ୟରେ ବିଚାର ସାଧନ କରିବା ଓ ତୁମ୍ଭର ସମଗ୍ର ଅବଶିଷ୍ଟାଂଶକୁ ଚତୁର୍ଦ୍ଦିଗରେ ଛିନ୍ନଭିନ୍ନ କରିବା।
\s5
\v 11 ଏହେତୁ ପ୍ରଭୁ, ସଦାପ୍ରଭୁ କହନ୍ତି, “ତୁମ୍ଭେ ଆପଣାର ତୁଚ୍ଛ ବସ୍ତୁସକଳ ଦ୍ୱାରା ଓ ଆପଣାର ସବୁ ଘୃଣାଯୋଗ୍ୟ କର୍ମ ଦ୍ୱାରା ଆମ୍ଭର ପବିତ୍ର ସ୍ଥାନ ଅଶୁଚି କରିଅଛ, ଏଥିପାଇଁ ଆମ୍ଭେ ଜୀବିତ ଥିବା ପ୍ରମାଣେ ଆମ୍ଭେ ହିଁ ତୁମ୍ଭକୁ ହ୍ରାସ କରିବା; ଆହୁରି, ଚକ୍ଷୁଲଜ୍ଜା କରିବା ନାହିଁ, ମଧ୍ୟ ଆମ୍ଭେ କିଛି ଦୟା କରିବା ନାହିଁ।”
\v 12 ତୁମ୍ଭର ତୃତୀୟାଂଶ ମହାମାରୀରେ ମରିବେ, ଆଉ ଦୁର୍ଭିକ୍ଷ ଦ୍ୱାରା ତୁମ୍ଭ ମଧ୍ୟରେ ସେମାନେ କ୍ଷୟ ପାଇବେ; ପୁଣି, ତୃତୀୟାଂଶ ଖଡ୍ଗ ଦ୍ୱାରା ତୁମ୍ଭ ଚତୁର୍ଦ୍ଦିଗରେ ପତିତ ହେବେ; ଆଉ ତୃତୀୟାଂଶକୁ ଆମ୍ଭେ ଚତୁର୍ଦ୍ଦିଗରେ ଛିନ୍ନଭିନ୍ନ କରିବା ଓ ସେମାନଙ୍କର ପଶ୍ଚାତ ଖଡ୍ଗ ନିଷ୍କୋଷ କରିବା।
\s5
\v 13 ଏହି ପ୍ରକାରେ ଆମ୍ଭର କ୍ରୋଧ ସଫଳ ହେବ ଓ ଆମ୍ଭେ ସେମାନଙ୍କ ଉପରେ ଆପଣା କୋପ ସାଧି ଶାନ୍ତ ହେବା; ତହିଁରେ ଆମ୍ଭେ ସେମାନଙ୍କ ଉପରେ ଆପଣା କୋପ ସଫଳ କଲା ଉତ୍ତାରେ ଆମ୍ଭେ ସଦାପ୍ରଭୁ, ଆପଣା ଅନ୍ତର୍ଜ୍ୱାଳାରେ ଯେ ଏ କଥା କହିଅଛୁ, ଏହା ସେମାନେ ଜାଣିବେ।
\v 14 ଆହୁରି, ଆମ୍ଭେ ତୁମ୍ଭର ଚତୁର୍ଦ୍ଦିଗସ୍ଥିତ ଗୋଷ୍ଠୀଗଣ ମଧ୍ୟରେ ତୁମ୍ଭକୁ ପଥିକମାନଙ୍କ ଦୃଷ୍ଟିରେ ଉତ୍ସନ୍ନ-ସ୍ଥାନ ଓ ନିନ୍ଦାର ପାତ୍ର କରିବା।
\s5
\v 15 ଏହିରୂପେ ଯେତେବେଳେ ଆମ୍ଭେ କ୍ରୋଧରେ, କୋପରେ ଓ କୋପଯୁକ୍ତ ଭର୍ତ୍ସନାରେ ତୁମ୍ଭ ମଧ୍ୟରେ ବିଚାର ସାଧନ କରିବା, ସେତେବେଳେ ତୁମ୍ଭ ଚତୁର୍ଦ୍ଦିଗସ୍ଥିତ ଗୋଷ୍ଠୀଗଣ ନିକଟରେ ତାହା ନିନ୍ଦାର, ଉପହାସର, ଶିକ୍ଷାର ଓ ଆଶ୍ଚର୍ଯ୍ୟର ବିଷୟ ହେବ; ଆମ୍ଭେ ସଦାପ୍ରଭୁ ଏହା କହିଅଛୁ;
\v 16 “ଆମ୍ଭେ ସେଠାସ୍ଥିତ ଲୋକମାନଙ୍କ ପ୍ରତି ବିନାଶାର୍ଥକ ଦୁର୍ଭିକ୍ଷରୂପ କ୍ରୂର ତୀରଗୁଡିକ ପଠାଇବା, ତୁମ୍ଭମାନଙ୍କୁ ବିନାଶ କରିବା ପାଇଁ ତାହା ପଠାଇବା ଓ ଆମ୍ଭେ ତୁମ୍ଭମାନଙ୍କ ଉପରେ ଦୁର୍ଭିକ୍ଷ ବୃଦ୍ଧି କରିବା ଓ ତୁମ୍ଭମାନଙ୍କର ଅନ୍ନରୂପ ଯଷ୍ଟି ଭାଙ୍ଗି ପକାଇବା;
\v 17 ଆଉ, ଆମ୍ଭେ ତୁମ୍ଭମାନଙ୍କ ବିରୁଦ୍ଧରେ ଦୁର୍ଭିକ୍ଷ ଓ ହିଂସ୍ରକ ଜନ୍ତୁମାନଙ୍କୁ ପଠାଇବା, ସେମାନେ ତୁମ୍ଭମାନଙ୍କୁ ନିଃସନ୍ତାନ କରିବେ; ମହାମାରୀ ଓ ରକ୍ତ ତୁମ୍ଭମାନଙ୍କର ମଧ୍ୟ ଦେଇ ଯିବ; ପୁଣି, ଆମ୍ଭେ ତୁମ୍ଭମାନଙ୍କ ବିରୁଦ୍ଧରେ ଖଡ୍ଗ ଆଣିବା; ଆମ୍ଭେ ସଦାପ୍ରଭୁ ଏହି କଥା କହିଅଛୁ।”
\s5
\c 6
\s ପ୍ରତିମା ପୂଜାର ବିଚାର
\p
\v 1 ଏଥିଉତ୍ତାରେ ସଦାପ୍ରଭୁଙ୍କର ଏହି ବାକ୍ୟ ମୋ’ ନିକଟରେ ଉପସ୍ଥିତ ହେଲା ଏବଂ ସେ କହିଲେ,
\v 2 “ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଇସ୍ରାଏଲର ପର୍ବତଗଣ ପ୍ରତି ଆପଣା ମୁଖ କରି ସେମାନଙ୍କ ପ୍ରତି ଭବିଷ୍ୟଦ୍‍-ବାକ୍ୟ ପ୍ରଚାର କର,
\v 3 ଆଉ, କୁହ, ହେ ଇସ୍ରାଏଲର ପର୍ବତଗଣ ତୁମ୍ଭେମାନେ ପ୍ରଭୁ, ସଦାପ୍ରଭୁଙ୍କର ବାକ୍ୟ ଶୁଣ; ପ୍ରଭୁ, ସଦାପ୍ରଭୁ ପର୍ବତଗଣକୁ ଓ ଉପପର୍ବତଗଣକୁ, ଜଳପ୍ରଣାଳୀ ଓ ଉପତ୍ୟକା ସମୂହକୁ ଏହି କଥା କହନ୍ତି; ଦେଖ, ଆମ୍ଭେ, ଆମ୍ଭେ ହିଁ ତୁମ୍ଭମାନଙ୍କ ବିରୁଦ୍ଧରେ ଏକ ଖଡ୍ଗ ଆଣିବା ଓ ଆମ୍ଭେ ତୁମ୍ଭମାନଙ୍କର ଉଚ୍ଚସ୍ଥଳୀସକଳ ବିନଷ୍ଟ କରିବା।
\s5
\v 4 ପୁଣି, ତୁମ୍ଭମାନଙ୍କର ଯଜ୍ଞବେଦିମାନ ଧ୍ୱଂସ ଓ ତୁମ୍ଭମାନଙ୍କ ସୂର୍ଯ୍ୟପ୍ରତିମାଗଣ ଭଗ୍ନ ହେବେ ଓ ଆମ୍ଭେ ତୁମ୍ଭମାନଙ୍କର ହତ ଲୋକମାନଙ୍କୁ ତୁମ୍ଭମାନଙ୍କ ଦେବତାଗଣର ସମ୍ମୁଖରେ ପକାଇ ଦେବା।
\v 5 ଆଉ, ଆମ୍ଭେ ଇସ୍ରାଏଲ ସନ୍ତାନଗଣର ଶବ ସେମାନଙ୍କ ପ୍ରତିମାଗଣର ସମ୍ମୁଖରେ ରଖିବା ଓ ତୁମ୍ଭମାନଙ୍କର ଅସ୍ଥି ସବୁ ଆମ୍ଭେ ତୁମ୍ଭମାନଙ୍କ ଯଜ୍ଞବେଦିମାନର ଚାରିଆଡ଼େ ବିଞ୍ଚି ଦେବା।
\s5
\v 6 ତୁମ୍ଭମାନଙ୍କର ଯାବତୀୟ ବସତି ସ୍ଥାନର ନଗରସକଳ ଉତ୍ସନ୍ନ ହେବ ଓ ଉଚ୍ଚସ୍ଥଳୀସବୁ ଧ୍ୱଂସ ହେବ, ତହିଁରେ ତୁମ୍ଭମାନଙ୍କର ଯଜ୍ଞବେଦିସବୁ ଉତ୍ସନ୍ନ, ଧ୍ୱଂସ ହେବ ଓ ତୁମ୍ଭମାନଙ୍କର ଦେବତାଗଣ ଭଗ୍ନ ଓ ରହିତ ହେବେ ଓ ତୁମ୍ଭମାନଙ୍କର ସୂର୍ଯ୍ୟପ୍ରତିମାଗଣ ଉଚ୍ଛିନ୍ନ ହେବେ, ଆଉ ତୁମ୍ଭମାନଙ୍କର ହସ୍ତକୃତ କର୍ମସବୁ ଲୁପ୍ତ ହେବ।
\v 7 ପୁଣି, ହତ ଲୋକମାନେ ତୁମ୍ଭମାନଙ୍କ ମଧ୍ୟରେ ପତିତ ହେବେ, ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ।
\s5
\v 8 ତଥାପି ଆମ୍ଭେ ଏକ ଅବଶିଷ୍ଟାଂଶ ରଖିବା, ତୁମ୍ଭେମାନେ ନାନା ଦେଶରେ ଛିନ୍ନଭିନ୍ନ ହେବା ସମୟରେ ତୁମ୍ଭମାନଙ୍କର କେତେକ ଲୋକ ଗୋଷ୍ଠୀଗଣ ମଧ୍ୟରେ ଖଡ୍ଗରୁ ରକ୍ଷା ପାଇବେ।
\v 9 ପୁଣି, ତୁମ୍ଭମାନଙ୍କର ସେହି ରକ୍ଷାପ୍ରାପ୍ତ ଲୋକମାନେ ଯେଉଁ ଯେଉଁ ଗୋଷ୍ଠୀୟମାନଙ୍କ ମଧ୍ୟକୁ ବନ୍ଦୀ ଅବସ୍ଥାରେ ନୀତ ହେବେ, ସେମାନଙ୍କ ମଧ୍ୟରେ ଥାଇ ଆମ୍ଭକୁ ସ୍ମରଣ କରିବେ, ଅର୍ଥାତ୍‍, ସେମାନଙ୍କର ଯେଉଁ ବ୍ୟଭିଚାରୀ ହୃଦୟ ଆମ୍ଭକୁ ତ୍ୟାଗ କରି ଯାଇଅଛି ଓ ସେମାନଙ୍କର ଯେଉଁ ଚକ୍ଷୁ ବ୍ୟଭିଚାରୀ ହୋଇ ଦେବତାଗଣର ପଶ୍ଚାତ ଗମନ କରେ, ତହିଁ ସକାଶୁ ଆମ୍ଭେ କିପରି ବିଦୀର୍ଣ୍ଣ ହୋଇଅଛୁ, ଏହା ସେମାନେ ସ୍ମରଣ କରିବେ; ଆଉ, ସେମାନେ ଆପଣା ଆପଣାର ସକଳ ଘୃଣାଯୋଗ୍ୟ ଆଚାର ବ୍ୟବହାର ଦ୍ୱାରା ଯେଉଁ ଦୁଷ୍କ୍ରିୟା କରିଅଛନ୍ତି, ତହିଁ ନିମନ୍ତେ ସେମାନେ ଆପଣାମାନଙ୍କ ଦୃଷ୍ଟିରେ ଆପଣାମାନଙ୍କୁ ଘୃଣା କରିବେ।
\v 10 ତହିଁରେ ଆମ୍ଭେ ଯେ ସଦାପ୍ରଭୁ, ଏହା ସେମାନେ ଜାଣିବେ; ଆମ୍ଭେ ସେମାନଙ୍କ ପ୍ରତି ଏହି ଅମଙ୍ଗଳ ଘଟାଇବାର କଥା ବୃଥା କହି ନାହୁଁ।
\s5
\v 11 ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେ କରାଘାତ,ପଦାଘାତ କର ଓ ଇସ୍ରାଏଲ ବଂଶର ସକଳ ଘୃଣାଯୋଗ୍ୟ ଦୁଷ୍କ୍ରିୟା ସକାଶୁ କୁହ, ହାୟ ହାୟ ! କାରଣ ସେମାନେ ଖଡ୍ଗରେ, ଦୁର୍ଭିକ୍ଷରେ ଓ ମହାମାରୀରେ ପତିତ ହେବେ।
\v 12 ଯେଉଁ ଲୋକ ଦୂରରେ ଅଛି, ସେ ମହାମାରୀରେ ମରିବ; ଯେଉଁ ଲୋକ ନିକଟରେ ଅଛି, ସେ ଖଡ୍ଗ ଦ୍ୱାରା ପତିତ ହେବ; ଯେଉଁ ଲୋକ ଅବଶିଷ୍ଟ ରହେ ଓ ଅବରୁଦ୍ଧ ହୁଏ, ସେ ଦୁର୍ଭିକ୍ଷରେ ମରିବ; ଏହି ପ୍ରକାରେ ଆମ୍ଭେ ସେମାନଙ୍କ ଉପରେ ଆପଣା କୋପ ସମ୍ପନ୍ନ କରିବା।
\s5
\v 13 ପୁଣି, ଯେତେବେଳେ ପ୍ରତ୍ୟେକ ଉଚ୍ଚ ପର୍ବତ ଉପରେ, ସକଳ ପର୍ବତ ଶୃଙ୍ଗରେ, ପ୍ରତ୍ୟେକ ହରିତ୍‍ବର୍ଣ୍ଣ ବୃକ୍ଷ ତଳେ ଓ ପ୍ରତ୍ୟେକ ନିବିଡ଼ ଅଲୋନ ବୃକ୍ଷ ତଳେ, ଯେଉଁ ଯେଉଁ ସ୍ଥାନରେ ସେମାନେ ଆପଣା ଆପଣାର ସକଳ ଦେବତା ଉଦ୍ଦେଶ୍ୟରେ ସୌରଭାର୍ଥକ ନୈବେଦ୍ୟ ଉତ୍ସର୍ଗ କଲେ, ସେହି ସକଳ ସ୍ଥାନରେ ସେମାନଙ୍କ ଯଜ୍ଞବେଦିର ଚତୁର୍ଦ୍ଦିଗରେ ଦେବତାଗଣର ମଧ୍ୟରେ ସେମାନଙ୍କ ହତ ଲୋକମାନେ ରହିବେ, ସେତେବେଳେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ।
\v 14 ପୁଣି, ଆମ୍ଭେ ସେମାନଙ୍କ ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରିବା ଓ ପ୍ରାନ୍ତରଠାରୁ ଦିବ୍‍ଲା ପର୍ଯ୍ୟନ୍ତ ସେମାନଙ୍କର ସମୁଦାୟ ବସତି-ଦେଶକୁ ଧ୍ୱଂସ ଓ ଶୂନ୍ୟ କରିବା; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ।”
\s5
\c 7
\s ସଦାପ୍ରଭୁଙ୍କ କ୍ରୋଧର ଦିନ
\p
\v 1 ଆହୁରି, ସଦାପ୍ରଭୁଙ୍କ ବାକ୍ୟ ମୋ’ ନିକଟରେ ଉପସ୍ଥିତ ହେଲା, ଯଥା;
\v 2 ହେ ମନୁଷ୍ୟ ସନ୍ତାନ, ପ୍ରଭୁ, ସଦାପ୍ରଭୁ ଇସ୍ରାଏଲ ଦେଶ ପ୍ରତି କହନ୍ତି; ଅନ୍ତିମ କାଳ, ଦେଶର ଚାରି କୋଣରେ ଅନ୍ତିମ କାଳ ଉପସ୍ଥିତ ହୋଇଅଛି।
\s5
\v 3 ଏବେ ତୁମ୍ଭର ଅନ୍ତିମ କାଳ ଉପସ୍ଥିତ, ଆମ୍ଭେ ତୁମ୍ଭ ବିରୁଦ୍ଧରେ ଆପଣା କ୍ରୋଧ ପ୍ରେରଣ କରିବା ଓ ତୁମ୍ଭର ଆଚରଣାନୁସାରେ ତୁମ୍ଭର ବିଚାର କରିବା ଓ ତୁମ୍ଭର ଘୃଣାଯୋଗ୍ୟ ସକଳ କର୍ମର ଫଳ ତୁମ୍ଭ ଉପରେ ବର୍ତ୍ତାଇବା।
\v 4 ଆମ୍ଭେ ତୁମ୍ଭ ପ୍ରତି ଚକ୍ଷୁ ଲଜ୍ଜା କରିବା ନାହିଁ, କିଅବା ଆମ୍ଭେ ଦୟା କରିବା ନାହିଁ; ମାତ୍ର ତୁମ୍ଭ ଆଚରଣର ଫଳ ଆମ୍ଭେ ତୁମ୍ଭ ଉପରେ ବର୍ତ୍ତାଇବା ଓ ତୁମ୍ଭର ଘୃଣାଯୋଗ୍ୟ କ୍ରିୟାସବୁ ତୁମ୍ଭ ମଧ୍ୟରେ ରହିବ; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ।
\s5
\v 5 ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ଅମଙ୍ଗଳ ହିଁ ଅମଙ୍ଗଳ; ଦେଖ, ତାହା ଆସୁଅଛି।
\v 6 ଅନ୍ତିମ କାଳ ଉପସ୍ଥିତ, ସେହି ଅନ୍ତିମ କାଳ ଉପସ୍ଥିତ, ତାହା ତୁମ୍ଭ ବିରୁଦ୍ଧରେ ଜାଗି ଉଠୁଅଛି; ଦେଖ, ତାହା ଆସୁଅଛି।
\v 7 ହେ ଦେଶନିବାସୀ ଲୋକ, ତୁମ୍ଭର ଶେଷ ବିଚାରାଜ୍ଞା ଉପସ୍ଥିତ, ସେହି ସମୟ ଉପସ୍ଥିତ, ସେହି ଦିନ ସନ୍ନିକଟ; ତାହା କୋଳାହଳର ଦିନ ଓ ପର୍ବତଗଣ ଉପରେ ଆନନ୍ଦ ଧ୍ୱନିର ଦିନ ନୁହେଁ।
\s5
\v 8 ଏବେ ଆମ୍ଭେ ଅବିଳମ୍ବରେ ଆମ୍ଭର କୋପ ତୁମ୍ଭ ଉପରେ ଢାଳି ଦେବା ଓ ତୁମ୍ଭ ବିରୁଦ୍ଧରେ ଆପଣା କ୍ରୋଧ ସଫଳ କରିବା, ଆଉ ତୁମ୍ଭର ଆଚରଣାନୁସାରେ ତୁମ୍ଭର ବିଚାର କରିବା; ଆମ୍ଭେ ତୁମ୍ଭର ଘୃଣାଯୋଗ୍ୟ ସକଳ କ୍ରିୟାର ଫଳ ତୁମ୍ଭ ଉପରେ ବର୍ତ୍ତାଇବା।
\v 9 ପୁଣି, ଆମ୍ଭେ ଚକ୍ଷୁଲଜ୍ଜା କରିବା ନାହିଁ; କିଅବା ଦୟା କରିବା ନାହିଁ; ଆମ୍ଭେ ତୁମ୍ଭର ଆଚରଣାନୁସାରେ ତୁମ୍ଭ ଉପରେ ଫଳ ବର୍ତ୍ତାଇବା ଓ ତୁମ୍ଭର ଘୃଣାଯୋଗ୍ୟ କ୍ରିୟାସକଳ ତୁମ୍ଭ ମଧ୍ୟରେ ରହିବ; ତହିଁରେ ଆମ୍ଭେ ସଦାପ୍ରଭୁ ଆଘାତ କରୁ, ଏହା ତୁମ୍ଭେମାନେ ଜାଣିବ।
\s5
\v 10 ଦେଖ, ସେହି ଦିନ, ଦେଖ, ତାହା ଆସୁଅଛି; ତୁମ୍ଭର ଶେଷ ବିଚାରାଜ୍ଞା ନିର୍ଗତ ହେଲା; ଯଷ୍ଟି ପୁଷ୍ପିତ ହୋଇଅଛି, ଅହଙ୍କାର ଅଙ୍କୁରିତ ହୋଇଅଛି।
\v 11 ଦୌରାତ୍ମ୍ୟ ବଢ଼ି ଉଠି ଦୁଷ୍ଟତାରୂପ ଯଷ୍ଟି ହୋଇଅଛି; ସେମାନଙ୍କର କେହି କିଅବା ସେମାନଙ୍କର ଲୋକସମୂହ କିଅବା ସେମାନଙ୍କର ଧନ ରହିବ ନାହିଁ; ଅଥବା ସେମାନଙ୍କ ମଧ୍ୟରେ ଶ୍ରେଷ୍ଠତା ରହିବ ନାହିଁ।
\s5
\v 12 ସମୟ ଉପସ୍ଥିତ ହେଲା, ଦିନ ନିକଟବର୍ତ୍ତୀ ହେଉଅଛି; କ୍ରୟକାରୀ ଆନନ୍ଦ ନ କରୁ ଓ ବିକ୍ରୟକାରୀ ଶୋକ ନ କରୁ; କାରଣ ସେହି ସ୍ଥାନର ସମସ୍ତ ଲୋକସମୂହ ଉପରେ କୋପ ଉପସ୍ଥିତ।
\v 13 ଯେହେତୁ ସେମାନେ ଜୀବିତ ଥିଲେ ହେଁ ବିକ୍ରୟକାରୀ ବିକ୍ରୀତ ଅଧିକାରକୁ ଫେରିଯିବ ନାହିଁ; କାରଣ ଏହି ଦର୍ଶନ ସେହି ସ୍ଥାନସ୍ଥ ସମୁଦାୟ ଲୋକସମୂହ ବିଷୟକ ଅଟେ, କେହି ଫେରିଯିବେ ନାହିଁ; ପୁଣି, ଆପଣା ଜୀବନର ଅଧର୍ମରେ କେହି ଆପଣାକୁ ସବଳ କରିବେ ନାହିଁ।
\s5
\v 14 ସେମାନେ ତୂରୀ ବଜାଇ ସବୁ ପ୍ରସ୍ତୁତ କରିଅଛନ୍ତି; ମାତ୍ର କେହି ଯୁଦ୍ଧକୁ ଯାଏ ନାହିଁ; କାରଣ ସେହି ସ୍ଥାନର ସମସ୍ତ ଲୋକସମୂହ ଉପରେ ଆମ୍ଭର କୋପ ଅଛି।
\s ଇସ୍ରାଏଲର ପାପର ଶାସ୍ତି
\p
\v 15 ବାହାରେ ଖଡ୍ଗ, ଭିତରେ ମହାମାରୀ ଓ ଦୁର୍ଭିକ୍ଷ ଅଛି; ଯେଉଁ ଲୋକ କ୍ଷେତ୍ରରେ ଅଛି, ସେ ଖଡ୍ଗରେ ମରିବ ଓ ଯେ ନଗର ମଧ୍ୟରେ ଅଛି, ଦୁର୍ଭିକ୍ଷ ଓ ମହାମାରୀ ତାକୁ ଗ୍ରାସ କରିବ।
\v 16 ମାତ୍ର ସେମାନଙ୍କ ମଧ୍ୟରୁ ଯେଉଁମାନେ ପଳାନ୍ତି, ସେମାନେ ରକ୍ଷା ପାଇବେ ଓ ଉପତ୍ୟକାର ଘୁଘୁ ପରି ପର୍ବତରେ ସମସ୍ତେ ବିଳାପ କରିବେ, ପ୍ରତ୍ୟେକେ ଆପଣା ଆପଣା ଅଧର୍ମ ହେତୁ ବିଳାପ କରିବେ।
\s5
\v 17 ସମସ୍ତଙ୍କର ହସ୍ତ ଦୁର୍ବଳ ହେବ, ସମସ୍ତଙ୍କର ଆଣ୍ଠୁ ଜଳ ପରି ଦୁର୍ବଳ ହେବ।
\v 18 ମଧ୍ୟ ସେମାନେ କଟୀଦେଶରେ ଚଟବସ୍ତ୍ର ବାନ୍ଧିବେ ଓ ମହାଶଙ୍କା ସେମାନଙ୍କୁ ଆଚ୍ଛନ୍ନ କରିବ; ଆଉ, ସମସ୍ତଙ୍କ ମୁଖ ଲଜ୍ଜିତ ହେବ ଓ ସମସ୍ତଙ୍କର ମସ୍ତକ ଟାଙ୍ଗରା ହେବ।
\v 19 ସେମାନେ ଆପଣା ଆପଣା ରୂପା ଦାଣ୍ଡରେ ପକାଇ ଦେବେ ଓ ସେମାନଙ୍କର ସୁନା ଅଶୁଚି ବସ୍ତୁ ତୁଲ୍ୟ ହେବ; ସଦାପ୍ରଭୁଙ୍କ କୋପର ଦିନରେ ସେମାନଙ୍କର ରୂପା ଓ ସୁନା ସେମାନଙ୍କୁ ରକ୍ଷା କରି ପାରିବ ନାହିଁ; ତାହା ସେମାନଙ୍କ ପ୍ରାଣକୁ ତୃପ୍ତ କିଅବା ଉଦର ପୂର୍ଣ୍ଣ କରିବ ନାହିଁ; କାରଣ ତାହା ହିଁ ସେମାନଙ୍କର ଅଧର୍ମଜନକ ବିଘ୍ନ ହୋଇଅଛି।
\s5
\v 20 ସେ ଆପଣାର ଶୋଭାରୂପ ଅଳଙ୍କାର ମହତ୍ତ୍ୱରେ ସ୍ଥାପନ କଲେ; ମାତ୍ର ସେମାନେ ତହିଁ ମଧ୍ୟରେ ଆପଣାମାନଙ୍କର ଅଶୁଚି ଓ ଘୃଣାଯୋଗ୍ୟ ପ୍ରତିମାଗଣ ନିର୍ମାଣ କଲେ; ଏହେତୁ ଆମ୍ଭେ ତାହା ସେମାନଙ୍କ ପ୍ରତି ଅଶୁଚି ବସ୍ତୁ ସ୍ୱରୂପ କରିଅଛୁ।
\v 21 ପୁଣି, ଆମ୍ଭେ ତାହା ମୃଗୟା ସ୍ୱରୂପେ ବିଦେଶୀମାନଙ୍କର ଓ ଲୁଟିତ ଦ୍ରବ୍ୟ ସ୍ୱରୂପେ ପୃଥିବୀର ଦୁଷ୍ଟମାନଙ୍କ ହସ୍ତରେ ସମର୍ପଣ କରିବା; ତହିଁରେ ସେମାନେ ତାହା ଅପବିତ୍ର କରିବେ।
\v 22 ଆହୁରି, ଆମ୍ଭେ ସେମାନଙ୍କଠାରୁ ଆପଣା ମୁଖ ଫେରାଇବା, ତହିଁରେ ସେମାନେ ଆମ୍ଭର ନିଭୃତ ସ୍ଥାନ ଅପବିତ୍ର କରିବେ; ଆଉ, ଡକାୟତମାନେ ତହିଁ ମଧ୍ୟରେ ପ୍ରବେଶ କରି ତାହା ଅପବିତ୍ର କରିବେ।
\s5
\v 23 ଶିକୁଳି ପ୍ରସ୍ତୁତ କର; କାରଣ ରକ୍ତପାତରୂପ ଅପରାଧରେ ଦେଶ ପରିପୂର୍ଣ୍ଣ ଓ ଦୌରାତ୍ମ୍ୟରେ ନଗର ପରିପୂର୍ଣ୍ଣ ଅଟେ।
\v 24 ଏଥିପାଇଁ ଆମ୍ଭେ ଅନ୍ୟ ଦେଶୀୟମାନଙ୍କ ମଧ୍ୟରୁ ଦୁଷ୍ଟତମ ଲୋକଙ୍କୁ ଆଣିବା, ତହିଁରେ ସେମାନେ ଏମାନଙ୍କର ଗୃହସବୁ ଅଧିକାର କରିବେ; ମଧ୍ୟ ଆମ୍ଭେ ବଳବାନମାନଙ୍କର ଦର୍ପ ଚୂର୍ଣ୍ଣ କରିବା; ତହିଁରେ ସେମାନଙ୍କର ପବିତ୍ର ସ୍ଥାନସବୁ ଅପବିତ୍ର ହେବ।
\v 25 ବିନାଶ ଆସୁଅଛି; ସେମାନେ ଶାନ୍ତି ଅନ୍ଵେଷଣ କରିବେ; ପୁଣି, କିଛି ପାଇବେ ନାହିଁ।
\s5
\v 26 ବିପଦ ଉପରେ ବିପଦ ଘଟିବ ଓ ଜନରବ ଉପରେ ଜନରବ ହେବ; ତହିଁରେ ସେମାନେ ଭବିଷ୍ୟଦ୍‍ବକ୍ତାର ନିକଟରେ ଦର୍ଶନର ଚେଷ୍ଟା କରିବେ; ମାତ୍ର ଯାଜକର ବ୍ୟବସ୍ଥା-ଜ୍ଞାନ ଓ ପ୍ରାଚୀନ ଲୋକମାନଙ୍କର ପରାମର୍ଶ ଲୋପ ପାଇବ।
\v 27 ରାଜା ଶୋକ କରିବ ଓ ଅଧିପତି ଉତ୍ସନ୍ନତାରୂପ ବସ୍ତ୍ରରେ ପରିହିତ ହେବ ଓ ଦେଶସ୍ଥ ଲୋକମାନଙ୍କର ହସ୍ତ କମ୍ପିତ ହେବ; ଆମ୍ଭେ ସେମାନଙ୍କର ଆଚରଣାନୁସାରେ ସେମାନଙ୍କ ପ୍ରତି ବ୍ୟବହାର କରିବା ଓ ସେମାନଙ୍କର ଯୋଗ୍ୟତାନୁସାରେ ସେମାନଙ୍କର ବିଚାର କରିବା, ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ।
\s5
\c 8
\s ମନ୍ଦିରରେ ଘୃଣାଯୋଗ୍ୟ କାର୍ଯ୍ୟ
\p
\v 1 ଏଥିଉତ୍ତାରେ ଷଷ୍ଠ ବର୍ଷର ଷଷ୍ଠ ମାସର ପଞ୍ଚମ ଦିନରେ ମୁଁ ଆପଣା ଗୃହରେ ବସିଥିଲି ଓ ଯିହୁଦାର ପ୍ରାଚୀନମାନେ ମୋ’ ସମ୍ମୁଖରେ ବସିଥିଲେ, ଏପରି ସମୟରେ ପ୍ରଭୁ, ସଦାପ୍ରଭୁଙ୍କର ହସ୍ତ ମୋ’ ଉପରେ ଅଧିଷ୍ଠିତ ହେଲା।
\v 2 ତହିଁରେ ମୁଁ ଦେଖିଲି, ଆଉ ଦେଖ, ଅଗ୍ନିର ଆଭା ତୁଲ୍ୟ ଏକ ମୂର୍ତ୍ତି; ତାହାଙ୍କ କଟିଠାରୁ ତଳ ପର୍ଯ୍ୟନ୍ତ ଅଗ୍ନିମୟ ଓ ତାହାଙ୍କ କଟିଠାରୁ ଉପର ପର୍ଯ୍ୟନ୍ତ ଉତ୍ତପ୍ତ ଧାତୁ ତୁଲ୍ୟ ଜ୍ୟୋତିର୍ମୟ ଆକୃତି।
\s5
\v 3 ପୁଣି, ସେ ଏକ ହସ୍ତର ଆକୃତି ବିସ୍ତାର କରି ମୋ’ ମସ୍ତକର କେଶ ଧରିଲେ; ତହିଁରେ ପରମେଶ୍ୱରଙ୍କ ଆତ୍ମା ମୋତେ ପୃଥିବୀ ଓ ଆକାଶର ମଧ୍ୟବର୍ତ୍ତୀ ସ୍ଥାନକୁ ଉଠାଇଲେ ଓ ଈଶ୍ୱରୀୟ ଦର୍ଶନକ୍ରମେ ଯିରୂଶାଲମକୁ, ଭିତର ପ୍ରାଙ୍ଗଣର ଉତ୍ତରାଭିମୁଖ ପ୍ରବେଶ-ସ୍ଥାନର ଦ୍ୱାର ନିକଟକୁ ମୋତେ ଆଣିଲେ; ସେହି ସ୍ଥାନରେ ଅନ୍ତର୍ଜ୍ୱାଳାଜନକ ଅନ୍ତର୍ଜ୍ୱାଳା ପ୍ରତିମା ସ୍ଥାପିତ ଥିଲା।
\v 4 ଆଉ ଦେଖ, ପଦାଭୂମିରେ ମୁଁ ଦେଖିଥିବା ଦୃଶ୍ୟ ପ୍ରମାଣେ ସେହି ସ୍ଥାନରେ ଇସ୍ରାଏଲର ପରମେଶ୍ୱରଙ୍କର ପ୍ରତାପ ବିଦ୍ୟମାନ ଥିଲା।
\s5
\v 5 ତହିଁରେ ସେ ମୋତେ କହିଲେ, “ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଏବେ ଚକ୍ଷୁ ଖୋଲି ଉତ୍ତର ଦିଗର ପଥ ପ୍ରତି ଅନାଅ।” ତହୁଁ ମୁଁ ଚକ୍ଷୁ ଖୋଲି ଉତ୍ତର ଦିଗସ୍ଥ ପଥ ଆଡ଼େ ଅନାଇଲି, ଆଉ ଦେଖ, ଯଜ୍ଞବେଦିର ଉତ୍ତର ଦିଗସ୍ଥ ଦ୍ୱାରର ପ୍ରବେଶ ସ୍ଥାନରେ ସେହି ପ୍ରତିମା ଥିଲା, ଯାହା ପରମେଶ୍ୱରଙ୍କୁ କ୍ରୋଧ ଓ ଈର୍ଷାପରାୟଣ କରିଥିଲା।
\v 6 ଆଉ, ସେ ମୋତେ କହିଲେ, “ହେ ମନୁଷ୍ୟ-ସନ୍ତାନ, ସେମାନେ ଯାହା କରୁଅଛନ୍ତି, ତାହା କି ତୁମ୍ଭେ ଦେଖୁଅଛ, ଆମ୍ଭେ ଯେପରି ଆପଣା ଧର୍ମଧାମରୁ ଦୂରକୁ ଯିବା, ଏଥିପାଇଁ ଇସ୍ରାଏଲ ବଂଶ ଏଠାରେ ମହା ମହା ଘୃଣାଯୋଗ୍ୟ କର୍ମ କରୁଅଛନ୍ତି। ମାତ୍ର ଏଥିଉତ୍ତାରେ ତୁମ୍ଭେ ପୁନର୍ବାର ଅନ୍ୟ ମହା ଘୃଣାଯୋଗ୍ୟ କର୍ମମାନ ଦେଖିବ।”
\s5
\v 7 ପୁଣି, ସେ ମୋତେ ପ୍ରାଙ୍ଗଣର ଦ୍ୱାର ନିକଟକୁ ଆଣିଲେ; ତହିଁରେ ମୁଁ ଦୃଷ୍ଟି କରନ୍ତେ, ଦେଖ, କାନ୍ଥ ମଧ୍ୟରେ ଗୋଟିଏ ଛିଦ୍ର ଅଛି।
\v 8 ତେବେ ସେ ମୋତେ କହିଲେ, “ହେ ମନୁଷ୍ୟ-ସନ୍ତାନ, ଏହି କାନ୍ଥ ଖୋଳ; ତହୁଁ ମୁଁ ସେହି କାନ୍ଥ ଖୋଳନ୍ତେ, ଦେଖ, ଗୋଟିଏ ଦ୍ୱାର ଅଛି।”
\v 9 ଏଥିରେ ସେ ମୋତେ କହିଲେ, “ଭିତରକୁ ଯାଅ, ଆଉ, ଏଠାରେ ସେମାନେ ଯେଉଁ ଯେଉଁ ଦୁଷ୍ଟ ଘୃଣାଯୋଗ୍ୟ କର୍ମମାନ କରୁଅଛନ୍ତି, ତାହା ଦେଖ।”
\s5
\v 10 ତହୁଁ ମୁଁ ଭିତରକୁ ଯାଇ ଦେଖିଲି; ଆଉ ଦେଖ, ଚତୁର୍ଦ୍ଦିଗସ୍ଥ କାନ୍ଥରେ ସର୍ବପ୍ରକାର ଉରୋଗାମୀ ଜନ୍ତୁର, ଘୃଣାଯୋଗ୍ୟ ପଶୁର ଓ ଇସ୍ରାଏଲ ବଂଶର ସକଳ ଦେବତାର ପ୍ରତିମୂର୍ତ୍ତି ଚିତ୍ରିତ ହୋଇଅଛି।
\v 11 ପୁଣି, ସେହିସବୁର ସମ୍ମୁଖରେ ଇସ୍ରାଏଲ ବଂଶୀୟ ପ୍ରାଚୀନବର୍ଗର ସତୁରି ଜଣ ଠିଆ ହୋଇଅଛନ୍ତି ଓ ସେମାନଙ୍କର ମଧ୍ୟସ୍ଥାନରେ ଶାଫନ୍‍ର ପୁତ୍ର ଯାସନୀୟ ଠିଆ ହୋଇଅଛି, ପ୍ରତ୍ୟେକ ଲୋକ ଆପଣା ଆପଣା ଧୂପାଚି ହସ୍ତରେ ଧରିଅଛନ୍ତି; ଆଉ, ଧୂପରୂପ ମେଘର ସୁଗନ୍ଧି ଊର୍ଦ୍ଧ୍ୱକୁ ଉଠୁଅଛି।
\s5
\v 12 ତେବେ ସେ ମୋତେ କହିଲେ, “ହେ ମନୁଷ୍ୟ-ସନ୍ତାନ, ଇସ୍ରାଏଲ ବଂଶର ପ୍ରାଚୀନବର୍ଗ ପ୍ରତ୍ୟେକେ ଆପଣା ଆପଣା ପ୍ରତିମାଗୃହରେ ଅନ୍ଧକାରରେ ଯାହା କରୁଅଛନ୍ତି, ତାହା କି ତୁମ୍ଭେ ଦେଖିଲ ? କାରଣ ସେମାନେ କହନ୍ତି, ସଦାପ୍ରଭୁ ଆମ୍ଭମାନଙ୍କୁ ଦେଖନ୍ତି ନାହିଁ; ସଦାପ୍ରଭୁ ପୃଥିବୀକୁ ତ୍ୟାଗ କରିଅଛନ୍ତି।”
\v 13 ସେ ଆହୁରି ମୋତେ କହିଲେ, “ଏଉତ୍ତାରେ ତୁମ୍ଭେ ପୁନର୍ବାର ସେମାନଙ୍କର କୃତ ମହା ଘୃଣାଯୋଗ୍ୟ କର୍ମମାନ ଦେଖିବ।”
\s5
\v 14 ତହିଁରେ ସେ ସଦାପ୍ରଭୁଙ୍କ ଗୃହର ଉତ୍ତର ଦିଗସ୍ଥ ଦ୍ୱାରର ପ୍ରବେଶ-ସ୍ଥାନ ନିକଟକୁ ମୋତେ ଆଣିଲେ; ଆଉ ଦେଖ, ସ୍ତ୍ରୀମାନେ ସେଠାରେ ବସି ତମ୍ମୁଷର (ଦେବତା) ପାଇଁ କ୍ରନ୍ଦନ କରୁଅଛନ୍ତି।
\v 15 ତେବେ ସେ ମୋତେ କହିଲେ, “ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ କି ଏହା ଦେଖିଲ ? ଏଉତ୍ତାରେ ତୁମ୍ଭେ ଏହା ଅପେକ୍ଷା ପୁନର୍ବାର ମହା ଘୃଣାଯୋଗ୍ୟ କର୍ମମାନ ଦେଖିବ।”
\s5
\v 16 ଏଥିଉତ୍ତାରେ ସେ ମୋତେ ସଦାପ୍ରଭୁଙ୍କ ଗୃହର ଭିତର ପ୍ରାଙ୍ଗଣ ମଧ୍ୟକୁ ଆଣିଲେ, ଆଉ ଦେଖ, ସଦାପ୍ରଭୁଙ୍କ ମନ୍ଦିରର ଦ୍ୱାର ନିକଟରେ, ବାରଣ୍ଡା ଓ ଯଜ୍ଞବେଦିର ମଧ୍ୟସ୍ଥାନରେ ଊଣାଧିକ ପଚିଶ ଜଣ ପୁରୁଷ ସଦାପ୍ରଭୁଙ୍କ ମନ୍ଦିର ପ୍ରତି ପିଠି କରି ଓ ପୂର୍ବଦିଗ ପ୍ରତି ମୁଖ କରିଅଛନ୍ତି; ଆଉ, ସେମାନେ ପୂର୍ବଦିଗ ପ୍ରତି ସୂର୍ଯ୍ୟକୁ ପ୍ରଣାମ କଲେ।
\s5
\v 17 ତହିଁରେ ସେ ମୋତେ କହିଲେ, “ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ କି ଏହା ଦେଖିଲ ? ଏହି ସ୍ଥାନରେ ଯିହୁଦା-ବଂଶ ଯେଉଁ ଘୃଣାଯୋଗ୍ୟ କର୍ମମାନ କରୁଅଛନ୍ତି, ତାହା କି ସେମାନଙ୍କ ପକ୍ଷୀରେ ଲଘୁ ବିଷୟ ? କାରଣ ସେମାନେ ଦେଶକୁ ଦୌରାତ୍ମ୍ୟରେ ପରିପୂର୍ଣ୍ଣ କରିଅଛନ୍ତି ଓ ଆମ୍ଭକୁ କ୍ରୋଧାନ୍ୱିତ କରିବା ପାଇଁ ପୁନର୍ବାର ଫେରିଅଛନ୍ତି; ଆଉ ଦେଖ, ସେମାନେ ଆପଣା ଆପଣା ନାସିକାଗ୍ରରେ ଶାଖା ରଖନ୍ତି।
\v 18 ଏଥିପାଇଁ ଆମ୍ଭେ ମଧ୍ୟ କୋପରେ ବ୍ୟବହାର କରିବା; ଚକ୍ଷୁ ଲଜ୍ଜା କରିବା ନାହିଁ, କିଅବା ଦୟା କରିବା ନାହିଁ; ଆଉ, ଯଦ୍ୟପି ସେମାନେ ଆମ୍ଭ କର୍ଣ୍ଣଗୋଚରରେ ଉଚ୍ଚସ୍ୱରରେ ଡାକନ୍ତି, ତଥାପି ଆମ୍ଭେ ସେମାନଙ୍କ କଥା ଶୁଣିବା ନାହିଁ।”
\s5
\c 9
\s ଦେବ ପୂଜକଙ୍କ ସଂହାର
\p
\v 1 ତେବେ ସେ ଉଚ୍ଚସ୍ୱରରେ ମୋ’ କର୍ଣ୍ଣରେ ଏହି କଥା କହିଲେ, “ତୁମ୍ଭେମାନେ ନଗରରେ ନିଯୁକ୍ତ କର୍ମଚାରୀମାନଙ୍କୁ ନିକଟକୁ ଅଣାଅ, ପ୍ରତ୍ୟେକେ ଆପଣା ଆପଣା ହସ୍ତରେ ବିନାଶକ ଅସ୍ତ୍ର ଧରି ଆସନ୍ତୁ।”
\v 2 ଏଥିରେ ଦେଖ, ଉତ୍ତର ଦିଗସ୍ଥ ଉଚ୍ଚତର ଦ୍ୱାରର ପଥରୁ ଛଅ ଜଣ ପୁରୁଷ ଆସିଲେ, ସେମାନଙ୍କର ପ୍ରତ୍ୟେକର ହସ୍ତରେ ସଂହାରକ ଅସ୍ତ୍ର ଥିଲା ଓ ସେମାନଙ୍କର ମଧ୍ୟସ୍ଥାନରେ ଶୁକ୍ଳବସ୍ତ୍ର ପରିହିତ ଏକ ପୁରୁଷ ଥିଲେ, ତାଙ୍କର ପାର୍ଶ୍ୱରେ ଲେଖକର କାଳୀଘଡ଼ି ଥିଲା। ପୁଣି, ସେମାନେ ଭିତରକୁ ଯାଇ ପିତ୍ତଳମୟ ଯଜ୍ଞବେଦିର ପାର୍ଶ୍ୱରେ ଠିଆ ହେଲେ।
\s5
\v 3 ପୁଣି, ଇସ୍ରାଏଲର ପରମେଶ୍ୱରଙ୍କର ପ୍ରତାପ ଯେଉଁ କିରୂବର ଉପରେ ଥିଲା, ତାହା ତାହାଠାରୁ ଉଠି ଗୃହର ଏରୁଣ୍ଡି ନିକଟକୁ ଯାଇଥିଲା; ଆଉ, ସେ ସେହି ଶୁକ୍ଳବସ୍ତ୍ର ପରିହିତ ଓ ପାର୍ଶ୍ୱରେ ଲେଖକର କାଳୀଘଡ଼ିଧାରୀ ପୁରୁଷକୁ ଡାକିଲେ।
\v 4 ପୁଣି, ସଦାପ୍ରଭୁ ତାହାକୁ କହିଲେ, “ତୁମ୍ଭେ ନଗରର ମଧ୍ୟ ଦେଇ, ଯିରୂଶାଲମର ମଧ୍ୟ ଦେଇ ଯାଅ ଓ ତହିଁ ମଧ୍ୟରେ କୃତ ସକଳ ଘୃଣାଯୋଗ୍ୟ କ୍ରିୟା ସକାଶୁ ଯେଉଁ ଲୋକମାନେ ଦୀର୍ଘ ନିଃଶ୍ୱାସ ଛାଡ଼ନ୍ତି ଓ କାତରୋକ୍ତି କରନ୍ତି, ସେମାନଙ୍କର କପାଳରେ ଚିହ୍ନ ଦିଅ।”
\s5
\v 5 ଆଉ, ସେ ଅନ୍ୟମାନଙ୍କୁ ମୋର କର୍ଣ୍ଣଗୋଚରରେ କହିଲେ, “ତୁମ୍ଭେମାନେ ତାହାର ପଛେ ପଛେ ନଗର ମଧ୍ୟକୁ ଯାଇ ସଂହାର କର; ଚକ୍ଷୁଲଜ୍ଜା କି ଦୟା କର ନାହିଁ।
\v 6 ବୃଦ୍ଧ, ଯୁବା, କୁମାରୀ, ଶିଶୁ ଓ ସ୍ତ୍ରୀଲୋକ ସମସ୍ତଙ୍କୁ ନିଃଶେଷ ରୂପେ ବଧ କର; ମାତ୍ର ଯେଉଁମାନଙ୍କଠାରେ ଚିହ୍ନ ଅଛି, ସେମାନଙ୍କ ନିକଟକୁ ଯାଅ ନାହିଁ; ଆଉ, ଆମ୍ଭର ଧର୍ମଧାମଠାରୁ ଆରମ୍ଭ କର।” ତହିଁରେ ସେମାନେ ଗୃହର ସମ୍ମୁଖସ୍ଥିତ ପ୍ରାଚୀନଗଣଠାରୁ ଆରମ୍ଭ କଲେ।
\s5
\v 7 ପୁଣି, ସେ ସେମାନଙ୍କୁ କହିଲେ, “ଗୃହ ଅଶୁଚି କର ଓ ହତ ଲୋକରେ ପ୍ରାଙ୍ଗଣସବୁ ପରିପୂର୍ଣ୍ଣ କର; ତୁମ୍ଭେମାନେ ବାହାରି ଯାଅ।” ତହିଁରେ ସେମାନେ ବାହାରି ଯାଇ ନଗର ମଧ୍ୟରେ ସଂହାର କଲେ।
\v 8 ଆଉ, ସେମାନେ ଯେତେବେଳେ ସଂହାର କରୁଥିଲେ, ସେତେବେଳେ ମୁଁ ଅବଶିଷ୍ଟ ରହିଲି, ତହିଁରେ ମୁଁ ଉବୁଡ଼ ହୋଇ କ୍ରନ୍ଦନ କରି କହିଲି, “ଆହା, ପ୍ରଭୁ, ସଦାପ୍ରଭୁ ! ତୁମ୍ଭେ କି ଯିରୂଶାଲମ ଉପରେ ଆପଣା କୋପ ଢାଳି ଦେଇ ଇସ୍ରାଏଲର ସମୁଦାୟ ଅବଶିଷ୍ଟାଂଶକୁ ବିନାଶ କରିବ ?”
\s5
\v 9 ତହିଁରେ ସେ ମୋତେ କହିଲେ, “ଇସ୍ରାଏଲ ଓ ଯିହୁଦା ବଂଶର ଅଧର୍ମ ଅତ୍ୟନ୍ତ ବଡ଼ ଓ ଦେଶ ରକ୍ତରେ ପରିପୂର୍ଣ୍ଣ, ଆଉ ନଗର ଅନ୍ୟାୟ ବିଚାରରେ ପରିପୂର୍ଣ୍ଣ ହୋଇଅଛି; କାରଣ ସେମାନେ କହନ୍ତି, ସଦାପ୍ରଭୁ ପୃଥିବୀକୁ ତ୍ୟାଗ କରିଅଛନ୍ତି ଓ ସଦାପ୍ରଭୁ ଦେଖନ୍ତି ନାହିଁ।
\v 10 ଏହେତୁ ଆମ୍ଭେ ମଧ୍ୟ ଚକ୍ଷୁଲଜ୍ଜା କରିବା ନାହିଁ, କିଅବା ଦୟା କରିବା ନାହିଁ, ମାତ୍ର ଆମ୍ଭେ ସେମାନଙ୍କ ଆଚରଣର ପ୍ରତିଫଳ ସେମାନଙ୍କ ମସ୍ତକରେ ବର୍ତ୍ତାଇବା।”
\v 11 ଏଉତ୍ତାରେ ଦେଖ, ଶୁକ୍ଳବସ୍ତ୍ର ପରିହିତ ଓ ଆପଣା ପାର୍ଶ୍ୱରେ କାଳୀଘଡ଼ିଧାରୀ ସେହି ପୁରୁଷ ସମ୍ବାଦ ଦେଇ କହିଲେ, “ଆପଣ ଆମ୍ଭକୁ ଯେପରି ଆଜ୍ଞା କଲେ, ଆମ୍ଭେ ସେହିପରି କରିଅଛୁ।”
\s5
\c 10
\s ମନ୍ଦିର ସଦାପ୍ରଭୁଙ୍କ ପ୍ରତାପ ରହିତ
\p
\v 1 ସେତେବେଳେ ମୁଁ ଅନାଇଲି, ଆଉ ଦେଖ, କିରୂବମାନଙ୍କର ମସ୍ତକର ଉପରିସ୍ଥ ଶୂନ୍ୟମଣ୍ଡଳରେ ନୀଳକାନ୍ତମଣି ସଦୃଶ ଏକ ସିଂହାସନର ତୁଲ୍ୟ ଆକୃତି ସେମାନଙ୍କ ଉପରେ ଦେଖାଗଲା।
\v 2 ପୁଣି, ସେ ସେହି ଶୁକ୍ଳବସ୍ତ୍ର ପରିହିତ ପୁରୁଷକୁ କହିଲେ, “ତୁମ୍ଭେ ସେହି ଘୂର୍ଣ୍ଣାୟମାନ ଚକ୍ରମାନର ମଧ୍ୟସ୍ଥାନକୁ, ଅର୍ଥାତ୍‍, କିରୂବର ତଳକୁ ଯାଇ, କିରୂବମାନର ମଧ୍ୟସ୍ଥାନରୁ ଏକ ଅଞ୍ଜଳିପୂର୍ଣ୍ଣ ଜ୍ୱଳନ୍ତ ଅଙ୍ଗାର ନେଇ ନଗର ଉପରେ ବିଞ୍ଚି ଦିଅ।” ତହିଁରେ ସେ ବ୍ୟକ୍ତି ମୋ’ ସାକ୍ଷାତରେ ଗଲେ।
\s5
\v 3 ସେହି ପୁରୁଷ ଯିବା ସମୟରେ କିରୂବମାନେ ଗୃହର ଦକ୍ଷିଣ ପାର୍ଶ୍ୱରେ ଠିଆ ହୋଇଥିଲେ ଓ ମେଘ ଭିତର ପ୍ରାଙ୍ଗଣକୁ ପରିପୂର୍ଣ୍ଣ କଲା।
\v 4 ପୁଣି, ସଦାପ୍ରଭୁଙ୍କର ପ୍ରତାପ କିରୂବର ଉପରରୁ ଉଠି ଗୃହର ଏରୁଣ୍ଡିର ଉପରେ ଠିଆ ହେଲା; ତହିଁରେ ଗୃହ ମେଘରେ ପରିପୂର୍ଣ୍ଣ ହେଲା ଓ ପ୍ରାଙ୍ଗଣ ସଦାପ୍ରଭୁଙ୍କ ପ୍ରତାପର ତେଜରେ ପରିପୂର୍ଣ୍ଣ ହେଲା।
\v 5 ଆଉ, ସର୍ବଶକ୍ତିମାନ ପରମେଶ୍ୱରଙ୍କର କଥା କହିବା ସମୟର ରବ ତୁଲ୍ୟ କିରୂବମାନଙ୍କ ପକ୍ଷୀର ଶବ୍ଦ ବାହାର ପ୍ରାଙ୍ଗଣ ପର୍ଯ୍ୟନ୍ତ ଶୁଣାଗଲା।
\s5
\v 6 ପୁଣି, ତୁମ୍ଭେ ଘୂର୍ଣ୍ଣାୟମାନ ଚକ୍ର ମଧ୍ୟରୁ, ଅର୍ଥାତ୍‍, କିରୂବଗଣର ମଧ୍ୟସ୍ଥାନରୁ ଅଗ୍ନି ନିଅ, ଏହି କଥା କହି ସେ ସେହି ଶୁକ୍ଳବସ୍ତ୍ର ପରିହିତ ପୁରୁଷକୁ ଆଜ୍ଞା କଲା ବେଳେ ସେହି ପୁରୁଷ ଯାଇ ଗୋଟିଏ ଚକ୍ର ପାର୍ଶ୍ୱରେ ଠିଆ ହେଲେ।
\v 7 ତହିଁରେ ସେହି କିରୂବ, କିରୂବମାନଙ୍କ ମଧ୍ୟରୁ, କିରୂବମାନଙ୍କର ମଧ୍ୟସ୍ଥିତ ଅଗ୍ନିକୁ ଆପଣା ହସ୍ତ ବଢ଼ାଇ ତହିଁରୁ କିଛି ନେଇ ସେହି ଶୁକ୍ଳବସ୍ତ୍ର ପରିହିତ ପୁରୁଷଙ୍କ ହସ୍ତରେ ଦେଲେ ଓ ସେ ତାହା ନେଇ ବାହାରକୁ ଗଲେ।
\v 8 ଆଉ, କିରୂବମାନଙ୍କ ମଧ୍ୟରେ ସେମାନଙ୍କ ପକ୍ଷ ତଳେ ମାନବ ହସ୍ତର ଏକ ଆକୃତି ଦେଖାଗଲା।
\s5
\v 9 ପୁଣି, ମୁଁ ଅନାଇଲି, ଆଉ ଦେଖ, ଏକ କିରୂବର ପାର୍ଶ୍ୱରେ ଏକ ଚକ୍ର ଓ ଅନ୍ୟ କିରୂବର ପାର୍ଶ୍ୱରେ ଅନ୍ୟ ଚକ୍ର, ଏହିରୂପ କିରୂବମାନଙ୍କ ପାର୍ଶ୍ୱରେ ଚାରି ଚକ୍ର ଥିଲା; ଆଉ, ସେହି ଚକ୍ରମାନର ଆଭା ବୈଦୁର୍ଯ୍ୟ ମଣିର ଆଭା ତୁଲ୍ୟ ଥିଲା।
\v 10 ସେମାନଙ୍କର ଆକୃତି ଏହି, ଚକ୍ର ମଧ୍ୟରେ ଚକ୍ର ଥିଲା ପରି ସେହି ଚାରିର ଏକ ଆକୃତି ଥିଲା।
\v 11 ଗମନ କରିବା ବେଳେ ସେମାନେ ଆପଣାମାନଙ୍କର ଚାରି ପାର୍ଶ୍ୱରେ ଗମନ କଲେ; ଗମନ କଲା ବେଳେ ସେମାନେ ଫେରିଲେ ନାହିଁ, ମାତ୍ର ମସ୍ତକର ସମ୍ମୁଖ ସ୍ଥାନକୁ ତାହାର ପଶ୍ଚାତରେ ଗମନ କଲେ; ଗମନ କଲା ବେଳେ ସେମାନେ ଫେରିଲେ ନାହିଁ।
\s5
\v 12 ପୁଣି, ସେମାନଙ୍କର ସମୁଦାୟ ଶରୀର, ସେମାନଙ୍କର ପୃଷ୍ଠ, ହସ୍ତ ଓ ପକ୍ଷ, ଆଉ ଚକ୍ରସବୁ, ଅର୍ଥାତ୍‍, ସେହି ଚାରି ଚକ୍ର ଚାରିଆଡ଼େ ଚକ୍ଷୁରେ ପୂର୍ଣ୍ଣ ଥିଲା।
\v 13 ଆଉ, ମୋ’ କର୍ଣ୍ଣଗୋଚରରେ ସେହି ଚକ୍ରମାନଙ୍କୁ ଘୂର୍ଣ୍ଣାୟମାନ ଚକ୍ର ବୋଲି କୁହାଗଲା।
\v 14 ପୁଣି, ପ୍ରତ୍ୟେକର ଚାରି ମୁଖ ଥିଲା; ପ୍ରଥମ ମୁଖ କିରୂବର ମୁଖ, ଦ୍ୱିତୀୟର ମୁଖ ମନୁଷ୍ୟର ମୁଖ, ତୃତୀୟ ସିଂହର ମୁଖ ଓ ଚତୁର୍ଥ ଉତ୍କ୍ରୋଶ ପକ୍ଷୀର ମୁଖ।
\s5
\v 15 ଆଉ, କିରୂବଗଣ ଊର୍ଦ୍ଧ୍ୱକୁ ଉଠିଲେ। ମୁଁ କବାର ନଦୀ ତୀରରେ ଯେଉଁ ଜୀବିତ ପ୍ରାଣୀକୁ ଦେଖିଥିଲି, ସେ ଏହି।
\v 16 କିରୂବମାନେ ଗମନ କରିବା ବେଳେ ଚକ୍ରସବୁ ସେମାନଙ୍କର ପାର୍ଶ୍ୱରେ ଗମନ କଲେ: ପୁଣି, କିରୂବମାନେ ଭୂମିରୁ ଊର୍ଦ୍ଧ୍ୱକୁ ଯିବା ପାଇଁ ଯେତେବେଳେ ଆପଣା ଆପଣା ପକ୍ଷ ଉଠାଇଲେ, ସେତେବେଳେ ଚକ୍ରସବୁ ହିଁ ସେମାନଙ୍କ ପାର୍ଶ୍ଵ ଛାଡ଼ିଲେ ନାହିଁ।
\v 17 ସେମାନେ ଠିଆ ହେବା ବେଳେ ଏମାନେ ଠିଆ ହେଲେ; ପୁଣି, ସେମାନେ ଉପରକୁ ଉଠିବା ବେଳେ ଏମାନେ ସେମାନଙ୍କର ସଙ୍ଗେ ସଙ୍ଗେ ଉପରକୁ ଉଠିଲେ; କାରଣ ସେହି ଜୀବିତ ପ୍ରାଣୀର ଆତ୍ମା ସେହି ଚକ୍ରସବୁରେ ଥିଲା।
\s5
\v 18 ଏଥିଉତ୍ତାରେ ସଦାପ୍ରଭୁଙ୍କ ପ୍ରତାପ ଗୃହର ଏରୁଣ୍ଡିର ଊର୍ଦ୍ଧ୍ୱରୁ ପ୍ରସ୍ଥାନ କରି କିରୂବମାନଙ୍କ ଉପରେ ଅଧିଷ୍ଠାନ କଲା।
\v 19 ତହିଁରେ କିରୂବମାନେ ଆପଣା ଆପଣା ପକ୍ଷ ଉଠାଇଲେ, ଆଉ ମୋ’ ସାକ୍ଷାତରେ ଭୂମିରୁ ଊର୍ଦ୍ଧ୍ୱକୁ ଗମନ କଲା ବେଳେ ଚକ୍ରସବୁ ସେମାନଙ୍କ ପାର୍ଶ୍ୱରେ ଗମନ କଲେ; ପୁଣି, ସଦାପ୍ରଭୁଙ୍କ ଗୃହର ପୂର୍ବ-ଦ୍ୱାରର ପ୍ରବେଶ-ସ୍ଥାନରେ ସେମାନେ ଠିଆ ହେଲେ; ସେହି ସମୟରେ ଇସ୍ରାଏଲର ପରମେଶ୍ୱରଙ୍କର ପ୍ରତାପ ସେମାନଙ୍କ ଉପରେ ବିଦ୍ୟମାନ ଥିଲା।
\s5
\v 20 ମୁଁ କବାର ନଦୀ ନିକଟରେ ଇସ୍ରାଏଲର ପରମେଶ୍ୱରଙ୍କର ବାହନ ଏହି ଜୀବିତ ପ୍ରାଣୀକୁ ଦେଖିଥିଲି; ଆଉ, ସେମାନେ କିରୂବ ବୋଲି ମୁଁ ଜାଣିଲି।
\v 21 ସେମାନଙ୍କର ପ୍ରତ୍ୟେକର ଚାରି ଚାରି ମୁଖ ଓ ଚାରି ଚାରି ପକ୍ଷ ଥିଲା; ଆଉ, ସେମାନଙ୍କ ପକ୍ଷ ତଳେ ମାନବ ହସ୍ତର ଆକୃତି ଥିଲା।
\v 22 ପୁଣି, ମୁଁ କବାର ନଦୀ ନିକଟରେ ଯେଉଁ ଯେଉଁ ମୁଖ ଦେଖିଥିଲି, ସେମାନଙ୍କର ଓ ଏମାନଙ୍କର ମୁଖର ଆକୃତି ଏକ, ସେମାନଙ୍କର ଆକୃତି ଓ ସେମାନେ ଏକ ଅଟନ୍ତି; ସେମାନେ ପ୍ରତ୍ୟେକେ ସମ୍ମୁଖ ଆଡ଼େ ଗମନ କଲେ।
\s5
\c 11
\s କୁମନ୍ତ୍ରଣାକାରୀଙ୍କ ବିଚାର
\p
\v 1 ଏଥିଉତ୍ତାରେ ପରମେଶ୍ୱରଙ୍କ ଆତ୍ମା ମୋତେ ଉଠାଇ ସଦାପ୍ରଭୁଙ୍କ ଗୃହର ପୂର୍ବାଭିମୁଖ ପୂର୍ବ-ଦ୍ୱାର ନିକଟକୁ ଆଣିଲେ; ଆଉ ଦେଖ, ସେହି ଦ୍ୱାର ନିକଟରେ ପଚିଶ ଜଣ ପୁରୁଷ ଥିଲେ; ପୁଣି, ସେମାନଙ୍କ ମଧ୍ୟରେ ମୁଁ ଲୋକମାନଙ୍କର ଅଧିପତି ଅସ୍‍ସୁରର ପୁତ୍ର ଯାସନୀୟ ଓ ବନାୟର ପୁତ୍ର ପ୍ଲଟୀୟକୁ ଦେଖିଲି।
\s5
\v 2 ଆଉ, ସେ ମୋତେ କହିଲେ, “ହେ ମନୁଷ୍ୟ-ସନ୍ତାନ, ଏହି ଲୋକମାନେ ଅଧର୍ମ ସଂକଳ୍ପ କରନ୍ତି ଓ ଏହି ନଗର ମଧ୍ୟରେ କୁମନ୍ତ୍ରଣା ଦିଅନ୍ତି;
\v 3 ସେମାନେ କହନ୍ତି, ଗୃହ ନିର୍ମାଣ କରିବାର ସମୟ ସନ୍ନିକଟ ହୋଇ ନାହିଁ; ଏହି ନଗର ହଣ୍ଡା ଓ ଆମ୍ଭେମାନେ ମାଂସ।
\v 4 ଏହେତୁ ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ସେମାନଙ୍କ ବିରୁଦ୍ଧରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କର, ଭବିଷ୍ୟଦ୍‍ବାକ୍ୟ ପ୍ରଚାର କର।”
\s5
\v 5 ତହିଁରେ ସଦାପ୍ରଭୁଙ୍କ ଆତ୍ମା ମୋ’ଠାରେ ଅଧିଷ୍ଠିତ ହୋଇ ମୋତେ କହିଲେ, “କୁହ, ସଦାପ୍ରଭୁ ଏହି କଥା କହନ୍ତି; ହେ ଇସ୍ରାଏଲ ବଂଶ, ତୁମ୍ଭେମାନେ ଏପ୍ରକାର କଥା କହିଅଛ; ତୁମ୍ଭମାନଙ୍କ ମନରେ ଯେଉଁ ଯେଉଁ ବିଷୟ ଉଠୁଅଛି, ତାହା ଆମ୍ଭେ ଜାଣୁ।
\v 6 ତୁମ୍ଭେମାନେ ଏହି ନଗରରେ ଆପଣାମାନଙ୍କର ହତ ଲୋକଙ୍କ ସଂଖ୍ୟା ବୃଦ୍ଧି କରିଅଛ ଓ ତହିଁର ପଥସବୁ ହତ ଲୋକରେ ପୂର୍ଣ୍ଣ କରିଅଛ।
\v 7 ଏହେତୁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭମାନଙ୍କର ଯେଉଁ ହତ ଲୋକଙ୍କୁ ତୁମ୍ଭେମାନେ ନଗର ମଧ୍ୟରେ ରଖିଅଛ, ସେମାନେ ମାଂସ, ପୁଣି ଏହି ନଗର ହଣ୍ଡା ଅଟେ; ମାତ୍ର ତୁମ୍ଭମାନଙ୍କୁ ତହିଁ ମଧ୍ୟରୁ ବାହାର କରାଯିବ।
\s5
\v 8 ତୁମ୍ଭେମାନେ ଖଡ୍ଗକୁ ଭୟ କରିଅଛ; ଆଉ ପ୍ରଭୁ, ସଦାପ୍ରଭୁ କହନ୍ତି, ଆମ୍ଭେ ତୁମ୍ଭମାନଙ୍କ ବିରୁଦ୍ଧରେ ଖଡ୍ଗ ଆଣିବା।
\v 9 ପୁଣି, ଆମ୍ଭେ ତୁମ୍ଭମାନଙ୍କୁ ତହିଁ ମଧ୍ୟରୁ ବାହାର କରି ଆଣି ବିଦେଶୀମାନଙ୍କ ହସ୍ତରେ ସମର୍ପଣ କରିବା ଓ ତୁମ୍ଭମାନଙ୍କ ମଧ୍ୟରେ ବିଚାର ସାଧନ କରିବା।
\v 10 ତୁମ୍ଭେମାନେ ଖଡ୍ଗରେ ପତିତ ହେବ; ଆମ୍ଭେ ଇସ୍ରାଏଲର ସୀମା ମଧ୍ୟରେ ତୁମ୍ଭମାନଙ୍କର ବିଚାର କରିବା; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ।
\s5
\v 11 ଏହି ନଗର ତୁମ୍ଭମାନଙ୍କ ପାଇଁ ହଣ୍ଡା ହେବ ନାହିଁ, କିଅବା ତୁମ୍ଭେମାନେ ତହିଁ ମଧ୍ୟରେ ମାଂସ ହେବ ନାହିଁ; ଆମ୍ଭେ ଇସ୍ରାଏଲର ସୀମା ମଧ୍ୟରେ ତୁମ୍ଭମାନଙ୍କର ବିଚାର କରିବା।
\v 12 ପୁଣି, ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ; କାରଣ ତୁମ୍ଭେମାନେ ଆମ୍ଭର ବିଧିମତେ ଆଚରଣ କରି ନାହଁ, କିଅବା ଆମ୍ଭର ଦଣ୍ଡାଜ୍ଞା ସଫଳ କରି ନାହଁ, ମାତ୍ର ତୁମ୍ଭମାନଙ୍କର ଚତୁର୍ଦ୍ଦିଗସ୍ଥିତ ଗୋଷ୍ଠୀଗଣର ବିଧାନାନୁସାରେ କର୍ମ କରିଅଛ।”
\s5
\v 13 ପୁଣି, ମୁଁ ଏହି ଭବିଷ୍ୟଦ୍‍ବାକ୍ୟ ପ୍ରଚାର କଲା ବେଳେ ବନାୟର ପୁତ୍ର ପ୍ଲଟୀୟ ମଲା। ତହିଁରେ ମୁଁ ଉବୁଡ଼ ହୋଇ ପଡ଼ି ଉଚ୍ଚସ୍ୱରରେ କ୍ରନ୍ଦନ କରି କହିଲି, “ଆହା, ପ୍ରଭୁ, ସଦାପ୍ରଭୁ ! ତୁମ୍ଭେ କି ଇସ୍ରାଏଲର ଅବଶିଷ୍ଟାଂଶକୁ ସମ୍ପୂର୍ଣ୍ଣ ରୂପେ ଶେଷ କରିବ ?”
\s ନୂତନ ହୃଦୟ ପ୍ରଦାନ
\p
\s5
\v 14 ଏଥିଉତ୍ତାରେ ସଦାପ୍ରଭୁଙ୍କର ବାକ୍ୟ ମୋ’ ନିକଟରେ ଉପସ୍ଥିତ ହେଲା ଏବଂ ସେ କହିଲେ,
\v 15 “ହେ ମନୁଷ୍ୟ-ସନ୍ତାନ, ଯିରୂଶାଲମ ନିବାସୀମାନେ ତୁମ୍ଭର ଭ୍ରାତୃଗଣକୁ, ହଁ, ତୁମ୍ଭର ଭ୍ରାତୃଗଣକୁ, ତୁମ୍ଭର କୁଟୁମ୍ବବର୍ଗୀୟ ଲୋକମାନଙ୍କୁ ଓ ସମୁଦାୟ ଇସ୍ରାଏଲ ବଂଶୀୟ ସମସ୍ତଙ୍କୁ କହିଅଛନ୍ତି, ତୁମ୍ଭେମାନେ ସଦାପ୍ରଭୁଙ୍କଠାରୁ ଦୂରକୁ ଯାଅ; ଏହି ଦେଶ ଅଧିକାରାର୍ଥେ ଆମ୍ଭମାନଙ୍କୁ ଦତ୍ତ ହୋଇଅଛି;
\s5
\v 16 ଏହେତୁ ତୁମ୍ଭେ କୁହ, ସଦାପ୍ରଭୁ ଏହି କଥା କହନ୍ତି; “ଯଦ୍ୟପି ଆମ୍ଭେ ସେମାନଙ୍କୁ ନାନା ଗୋଷ୍ଠୀଗଣ ମଧ୍ୟକୁ ଦୂରୀକୃତ କରିଅଛୁ ଓ ଯଦ୍ୟପି ଆମ୍ଭେ ସେମାନଙ୍କୁ ନାନା ଦେଶ ମଧ୍ୟରେ ଛିନ୍ନଭିନ୍ନ କରିଅଛୁ, ତଥାପି ସେମାନେ ଯେଉଁ ଯେଉଁ ସ୍ଥାନକୁ ଯାଇଅଛନ୍ତି, ସେହିସବୁ ଦେଶରେ ଆମ୍ଭେ ଅଳ୍ପ କାଳ ନିମନ୍ତେ ସେମାନଙ୍କର ଧର୍ମଧାମ ହେବା।
\v 17 ଏଥିପାଇଁ ତୁମ୍ଭେ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ଆମ୍ଭେ ଗୋଷ୍ଠୀଗଣ ମଧ୍ୟରୁ ତୁମ୍ଭମାନଙ୍କୁ ସଂଗ୍ରହ କରିବା ଓ ତୁମ୍ଭେମାନେ ଯେଉଁ ଯେଉଁ ସ୍ଥାନରେ ଛିନ୍ନଭିନ୍ନ ହୋଇଅଛ, ସେହିସବୁ ଦେଶରୁ ତୁମ୍ଭମାନଙ୍କୁ ଏକତ୍ର କରିବା ଓ ଇସ୍ରାଏଲ ଦେଶ ତୁମ୍ଭମାନଙ୍କୁ ଦେବା।
\v 18 ପୁଣି, ସେମାନେ ସେହି ଦେଶକୁ ଯିବେ ଓ ତହିଁର ଯାବତୀୟ ଅଶୁଚି ବସ୍ତୁ ଓ ଘୃଣାଯୋଗ୍ୟ ବିଷୟସବୁ ସେହି ସ୍ଥାନରୁ ଦୂର କରିବେ।
\s5
\v 19 ଆଉ, ଆମ୍ଭେ ସେମାନଙ୍କୁ ଏକ ଚିତ୍ତ ଦେବା ଓ ଆମ୍ଭେ ତୁମ୍ଭମାନଙ୍କ ଅନ୍ତରରେ ଏକ ନୂତନ ଆତ୍ମା ସ୍ଥାପନ କରିବା ଓ ଆମ୍ଭେ ସେମାନଙ୍କ ମାଂସରୁ ପ୍ରସ୍ତରମୟ ହୃଦୟ ଦୂର କରିବା ଓ ସେମାନଙ୍କୁ ମାଂସମୟ ହୃଦୟ ଦେବା।
\v 20 ତହିଁରେ ସେମାନେ ଆମ୍ଭର ବିଧିମତେ ଆଚରଣ କରିବେ ଓ ଆମ୍ଭର ନିୟମସବୁ ମାନ୍ୟ କରି ପାଳନ କରିବେ; ପୁଣି, ସେମାନେ ଆମ୍ଭର ଲୋକ ହେବେ ଓ ଆମ୍ଭେ ସେମାନଙ୍କର ପରମେଶ୍ୱର ହେବା।
\v 21 ମାତ୍ର ଯେଉଁମାନଙ୍କ ହୃଦୟ ଆପଣାମାନଙ୍କର ଅଶୁଚି ଓ ଘୃଣାଯୋଗ୍ୟ ବସ୍ତୁସକଳର ହୃଦୟ ଅନୁସାରେ ଆଚରଣ କରେ, ଆମ୍ଭେ ସେମାନଙ୍କର ଆଚରଣର ପ୍ରତିଫଳ ସେମାନଙ୍କ ମସ୍ତକରେ ବର୍ତ୍ତାଇବା, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।”
\s5
\v 22 ଏଥିଉତ୍ତାରେ କିରୂବଗଣ ଆପଣା ଆପଣା ପକ୍ଷଗୁଡିକ ଉଠାଇଲେ, ଆଉ ଚକ୍ରସବୁ ସେମାନଙ୍କ ପାର୍ଶ୍ୱରେ ଥିଲା; ଆଉ, ଇସ୍ରାଏଲର ପରମେଶ୍ୱରଙ୍କ ପ୍ରତାପ ସେମାନଙ୍କ ଉର୍ଦ୍ଧ୍ୱରେ ବିଦ୍ୟମାନ ଥିଲା।
\v 23 ଏଉତ୍ତାରେ ସଦାପ୍ରଭୁଙ୍କର ପ୍ରତାପ ନଗର ମଧ୍ୟରୁ ଉର୍ଦ୍ଧ୍ୱଗମନ କରି ନଗରର ପୂର୍ବଦିଗସ୍ଥିତ ପର୍ବତ ଉପରେ ସ୍ଥଗିତ ହେଲା।
\s5
\v 24 ତହିଁରେ ପରମେଶ୍ୱରଙ୍କ ଆତ୍ମା ମୋତେ ଉଠାଇ ଦର୍ଶନରେ କଲ୍‍ଦୀୟ ଦେଶକୁ ନିର୍ବାସିତ ଲୋକମାନଙ୍କ ନିକଟକୁ ଆଣିଲେ। ତହୁଁ ମୁଁ ଯେଉଁ ଦର୍ଶନ ପାଇଥିଲି, ତାହା ମୋ’ ନିକଟରୁ ଊର୍ଦ୍ଧ୍ୱଗମନ କଲା।
\v 25 ଏଥିରେ ସଦାପ୍ରଭୁ ମୋତେ ଯେଉଁ ଯେଉଁ ବିଷୟ ଦେଖାଇ ଥିଲେ, ସେହି ସକଳ ବିଷୟ ମୁଁ ନିର୍ବାସିତ ଲୋକମାନଙ୍କୁ ଜଣାଇଲି।
\s5
\c 12
\s ଯିହୂଦାର ବନ୍ଦୀତ୍ୱାବସ୍ଥାର ରୂପକ
\p
\v 1 ଆହୁରି, ସଦାପ୍ରଭୁଙ୍କର ବାକ୍ୟ ମୋ’ ନିକଟରେ ଉପସ୍ଥିତ ହେଲା, ପୁଣି ସେ ମୋତେ କହିଲେ,
\v 2 “ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ବିଦ୍ରୋହୀ ଲୋକମାନଙ୍କ ମଧ୍ୟରେ ବାସ କରୁଅଛ, ସେମାନଙ୍କର ଦେଖିବା ପାଇଁ ଚକ୍ଷୁ ଅଛି, ମାତ୍ର ଦେଖନ୍ତି ନାହିଁ, ସେମାନଙ୍କର ଶୁଣିବା ପାଇଁ କର୍ଣ୍ଣ ଅଛି, ମାତ୍ର ଶୁଣନ୍ତି ନାହିଁ; କାରଣ ସେମାନେ ବିଦ୍ରୋହୀ ବଂଶ।
\s5
\v 3 ଏଥିପାଇଁ ହେ ମନୁଷ୍ୟ-ସନ୍ତାନ, ନିର୍ବାସନ ନିମନ୍ତେ କରିବା ପାଇଁ ସମ୍ବଳ ପ୍ରସ୍ତୁତ କର, ଆଉ ସେମାନଙ୍କ ସାକ୍ଷାତରେ ଦିନ ବେଳେ ପ୍ରସ୍ଥାନ କର, ତୁମ୍ଭେ ସେମାନଙ୍କ ସାକ୍ଷାତରେ ସ୍ୱସ୍ଥାନରୁ ଅନ୍ୟ ସ୍ଥାନକୁ ପ୍ରସ୍ଥାନ କରିବ। ହୋଇପାରେ, ବିଦ୍ରୋହୀ-ବଂଶ ହେଲେ ହେଁ ସେମାନେ ବିବେଚନା କରିବେ।
\s5
\v 4 ତୁମ୍ଭେ ଦିନ ବେଳେ ସେମାନଙ୍କ ସାକ୍ଷାତରେ ପ୍ରସ୍ଥାନକାଳୀନ ସମ୍ବଳ ତୁଲ୍ୟ ଆପଣା ସମ୍ବଳ ବାହାର କରି ଆଣିବ; ଆଉ, ଲୋକେ ଯେପରି ନିର୍ବାସାର୍ଥେ ପ୍ରସ୍ଥାନ କରନ୍ତି, ସେହିପରି ତୁମ୍ଭେ ସନ୍ଧ୍ୟା ବେଳେ ସେମାନଙ୍କ ସାକ୍ଷାତରେ ପ୍ରସ୍ଥାନ କରିବ।
\v 5 ତୁମ୍ଭେ ସେମାନଙ୍କ ସାକ୍ଷାତରେ କାନ୍ଥ ଖୋଳ ଓ ତାହା ମଧ୍ୟ ଦେଇ ତୁମ୍ଭର ଜିନିଷ ସହ ତୁମ୍ଭେ ବାହାରି ଯାଅ।
\v 6 ସେମାନଙ୍କ ସାକ୍ଷାତରେ ତୁମ୍ଭର ଜିନିଷ ଆପଣା କାନ୍ଧରେ ବହିବ ଓ ଅନ୍ଧକାର ବେଳେ ତାହା ନେଇଯିବ; ତୁମ୍ଭେ ଯେପରି ଭୂମି ନ ଦେଖିବ, ଏଥିପାଇଁ ଆପଣା ମୁଖ ଆଚ୍ଛାଦନ କରିବ; କାରଣ ଇସ୍ରାଏଲ ବଂଶ ପ୍ରତି ଏକ ଚିହ୍ନ ସ୍ୱରୂପ କରି ଆମ୍ଭେ ତୁମ୍ଭକୁ ରଖିଅଛୁ।”
\s5
\v 7 ତହିଁରେ ମୁଁ ସେହି ଆଜ୍ଞା ପ୍ରମାଣେ କାର୍ଯ୍ୟ କଲି; ମୁଁ ପ୍ରସ୍ଥାନକାଳୀନ ସମ୍ବଳ ତୁଲ୍ୟ ଦିନ ବେଳେ ଆପଣା ସମ୍ବଳ ବାହାର କରି ଆଣିଲି ଓ ସନ୍ଧ୍ୟା ବେଳେ ନିଜ ହସ୍ତରେ କାନ୍ଥ ଖୋଳିଲି; ମୁଁ ଅନ୍ଧକାର ବେଳେ ତାହା ବାହାର କରି ସେମାନଙ୍କ ସାକ୍ଷାତରେ ଆପଣା କାନ୍ଧରେ ବୋହି ନେଲି।
\s5
\v 8 ପୁଣି, ପ୍ରଭାତ କାଳରେ ସଦାପ୍ରଭୁଙ୍କର ଏହି ବାକ୍ୟ ମୋ’ ନିକଟରେ ଉପସ୍ଥିତ ହେଲା,
\v 9 “ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ କ’ଣ କରୁଅଛ ବୋଲି ଇସ୍ରାଏଲ ବଂଶ, ସେହି ବିଦ୍ରୋହୀ-ବଂଶ କି ତୁମ୍ଭକୁ ପଚାରି ନାହାନ୍ତି ?
\v 10 ତୁମ୍ଭେ ସେମାନଙ୍କୁ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ଏହି ଭାର ଯିରୂଶାଲମସ୍ଥ ଅଧିପତିର ଓ ସେମାନେ ଯେଉଁମାନଙ୍କ ମଧ୍ୟରେ ଅଛନ୍ତି, ସେହି ସମୁଦାୟ ଇସ୍ରାଏଲ ବଂଶର ସମ୍ପର୍କୀୟ ଅଟେ।
\s5
\v 11 ତୁମ୍ଭେ କୁହ, ମୁଁ ତୁମ୍ଭମାନଙ୍କର ଚିହ୍ନ ସ୍ୱରୂପ ଅଟେ: ମୁଁ ଯେପରି କଲି, ସେମାନଙ୍କ ପ୍ରତି ସେହିପରି କରାଯିବ; ସେମାନେ ନିର୍ବାସିତ ହୋଇ ବନ୍ଦୀତ୍ଵ ସ୍ଥାନକୁ ଯିବେ।
\v 12 ପୁଣି, ସେମାନଙ୍କ ମଧ୍ୟବର୍ତ୍ତୀ ଅଧିପତି ଅନ୍ଧକାର ସମୟରେ ଆପଣା କାନ୍ଧରେ ଭାର ବୋହି ବାହାରି ଯିବ; ଲୋକମାନେ ବୋହି ନେବା ପାଇଁ କାନ୍ଥ ଖୋଳିବେ; ସେ ଆପଣା ମୁଖ ଆଚ୍ଛାଦନ କରିବ, କାରଣ ସେ ଚକ୍ଷୁରେ ଭୂମି ଦେଖିବ ନାହିଁ।
\v 13 ଆହୁରି, ଆମ୍ଭେ ତାହା ଉପରେ ଆମ୍ଭର ଜାଲ ପ୍ରସାରିବା ଓ ସେ ଆମ୍ଭ ଫାନ୍ଦରେ ଧରାଯିବ; ଆଉ, ଆମ୍ଭେ କଲ୍‍ଦୀୟମାନଙ୍କର ଦେଶ ବାବିଲକୁ ତାହାକୁ ନେଇଯିବା; ଆଉ, ଯଦ୍ୟପି ସେ ସେହି ସ୍ଥାନରେ ମରିବ, ତଥାପି ସେ ତାହା ଦେଖିବ ନାହିଁ।
\s5
\v 14 ପୁଣି, ତାହାର ସାହାଯ୍ୟ କରିବାକୁ ଯେଉଁମାନେ ତାହାର ଚତୁର୍ଦ୍ଦିଗରେ ଅଛନ୍ତି, ସେମାନଙ୍କୁ ଓ ତାହାର ସୈନ୍ୟଦଳ ସମସ୍ତଙ୍କୁ ଆମ୍ଭେ ସବୁ ଦିଗରେ ଛିନ୍ନଭିନ୍ନ କରିବା ଓ ସେମାନଙ୍କ ପଶ୍ଚାତ ଆମ୍ଭେ ଖଡ୍ଗ ନିଷ୍କୋଷ କରିବା।
\v 15 ଆଉ, ଯେତେବେଳେ ଆମ୍ଭେ ସେମାନଙ୍କୁ ନାନା ଗୋଷ୍ଠୀ ମଧ୍ୟରେ ଛିନ୍ନଭିନ୍ନ କରିବା ଓ ନାନା ଦେଶ ମଧ୍ୟରେ ସେମାନଙ୍କୁ ଏଣେତେଣେ ବିକ୍ଷିପ୍ତ କରିବା, ସେତେବେଳେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ।
\v 16 ମାତ୍ର ଆମ୍ଭେ ସେମାନଙ୍କ ମଧ୍ୟରୁ କେତେକ ଲୋକଙ୍କୁ ଖଡ୍ଗ, ଦୁର୍ଭିକ୍ଷ ଓ ମହାମାରୀରୁ ରକ୍ଷା କରିବା, ତହିଁରେ ସେମାନେ ଯେଉଁ ଗୋଷ୍ଠୀମାନଙ୍କ ମଧ୍ୟକୁ ଯିବେ, ସେମାନଙ୍କ ନିକଟରେ ଆପଣାମାନଙ୍କର ଘୃଣାଯୋଗ୍ୟ କ୍ରିୟାସକଳ ପ୍ରକାଶ କରିବେ; ଆଉ, ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ।”
\s5
\v 17 ଆହୁରି ସଦାପ୍ରଭୁଙ୍କ ବାକ୍ୟ ମୋ’ ନିକଟରେ ଉପସ୍ଥିତ ହେଲା, ପୁଣି ସେ ମୋତେ କହିଲେ,
\v 18 “ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ କମ୍ପି କମ୍ପି ଆପଣା ଆହାର ଭୋଜନ କର, ଆଉ ଥରି ଥରି ଓ ଚିନ୍ତିତ ହୋଇ ଆପଣା ଜଳ ପାନ କର;
\s5
\v 19 ପୁଣି, ଦେଶର ଲୋକମାନଙ୍କୁ କୁହ, ଯିରୂଶାଲମ ନିବାସୀମାନଙ୍କର ଓ ଇସ୍ରାଏଲ ଦେଶର ବିଷୟରେ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି: ସେମାନେ ଚିନ୍ତିତ ହୋଇ ଆପଣା ଆପଣା ଆହାର ଭୋଜନ କରିବେ ଓ ବିସ୍ମିତ ହୋଇ ଆପଣା ଆପଣାର ଜଳ ପାନ କରିବେ, କାରଣ ନିବାସୀମାନଙ୍କର ଦୌରାତ୍ମ୍ୟ ସକାଶୁ ସେମାନଙ୍କ ଦେଶ ଓ ତନ୍ମଧ୍ୟସ୍ଥିତ ସର୍ବସ୍ୱରୁ ଶୂନ୍ୟ ହେବ।
\v 20 ଆଉ, ବସତିବିଶିଷ୍ଟ ନଗରସବୁ ନଷ୍ଟ ଓ ଦେଶ ଧ୍ୱଂସସ୍ଥାନ ହେବ; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ।”
\s5
\v 21 ଏଥିଉତ୍ତାରେ ସଦାପ୍ରଭୁଙ୍କର ଏହି ବାକ୍ୟ ମୋ’ ନିକଟରେ ଉପସ୍ଥିତ ହେଲା,
\v 22 “ହେ ମନୁଷ୍ୟ-ସନ୍ତାନ, କାଳ ବିଳମ୍ବ ହେଉଅଛି, ପ୍ରତ୍ୟେକ ଦର୍ଶନ ବିଫଳ ହେଉଅଛି ବୋଲି ତୁମ୍ଭେମାନେ ଇସ୍ରାଏଲ ଦେଶରେ ଯେଉଁ ପ୍ରବାଦ ଶୁଣିଅଛ, ତାହା କି ?
\v 23 ଏହେତୁ ସେମାନଙ୍କୁ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି: ଆମ୍ଭେ ଏହି ପ୍ରବାଦ ଲୋପ କରିବା ଓ ଇସ୍ରାଏଲ ମଧ୍ୟରେ ଲୋକମାନେ ପ୍ରବାଦ ରୂପେ ଆଉ ତାହା ବ୍ୟବହାର କରିବେ ନାହିଁ; ମାତ୍ର ସେମାନଙ୍କୁ କୁହ, ସମୟ ଓ ପ୍ରତ୍ୟେକ ଦର୍ଶନର ସଫଳତା ସନ୍ନିକଟ।”
\s5
\v 24 କାରଣ ଅସାର ଦର୍ଶନ ଓ ଚାଟୁବାଦର ମନ୍ତ୍ର ତନ୍ତ୍ର ଇସ୍ରାଏଲ ବଂଶ ମଧ୍ୟରେ ଆଉ ରହିବ ନାହିଁ।
\v 25 କାରଣ ଆମ୍ଭେ ସଦାପ୍ରଭୁ; ଆମ୍ଭେ କଥା କହିବା ଓ ଯେଉଁ କଥା ଆମ୍ଭେ କହିବା, ତାହା ସଫଳ ହେବ; ଆଉ, ବିଳମ୍ବ ହେବ ନାହିଁ; କାରଣ ହେ ବିଦ୍ରୋହୀ-ବଂଶ, ପ୍ରଭୁ, ସଦାପ୍ରଭୁ କହନ୍ତି, ଆମ୍ଭେ ତୁମ୍ଭମାନଙ୍କର ବର୍ତ୍ତମାନ କାଳରେ କଥା କହିବା ଓ ତାହା ସଫଳ କରିବା।
\s5
\v 26 ପୁନର୍ବାର ସଦାପ୍ରଭୁଙ୍କର ଏହି ବାକ୍ୟ ମୋ’ ନିକଟରେ ଉପସ୍ଥିତ ହେଲା,
\v 27 “ହେ ମନୁଷ୍ୟ-ସନ୍ତାନ, ଦେଖ, ଇସ୍ରାଏଲ ବଂଶୀୟ ଲୋକମାନେ କହନ୍ତି, ସେ ଲୋକ ଯେଉଁ ଦର୍ଶନ ପାଏ, ତାହା ଅନେକ ବିଳମ୍ବର କଥା ଓ ସେ ଅତି ଦୂରବର୍ତ୍ତୀ କାଳର ବିଷୟରେ ଭବିଷ୍ୟଦ୍‍ ବାକ୍ୟ ପ୍ରଚାର କରୁଅଛି।
\v 28 ଏହେତୁ ସେମାନଙ୍କୁ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି: ଆମ୍ଭ ବାକ୍ୟର କୌଣସି କଥା ଆଉ ବିଳମ୍ବ ନୋହିବ, ମାତ୍ର ଆମ୍ଭେ ଯେଉଁ ବାକ୍ୟ କହିବା, ତାହା ସଫଳ ହେବ, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।”
\s5
\c 13
\s ମିଥ୍ୟା ଭାବବାଦୀଙ୍କ ବିଚାର
\p
\v 1 ଏଥିଉତ୍ତାରେ ସଦାପ୍ରଭୁଙ୍କର ଏହି ବାକ୍ୟ ମୋ’ ନିକଟରେ ଉପସ୍ଥିତ ହେଲା ଏବଂ ପୁଣି ସେ ମୋତେ କହିଲେ, ,
\v 2 “ହେ ମନୁଷ୍ୟ-ସନ୍ତାନ, ଇସ୍ରାଏଲର ଯେଉଁ ଭବିଷ୍ୟଦ୍‍ବକ୍ତାମାନେ ଭବିଷ୍ୟଦ୍‍ ବାକ୍ୟ ପ୍ରଚାର କରନ୍ତି, ତୁମ୍ଭେ ସେମାନଙ୍କ ବିରୁଦ୍ଧରେ ଭବିଷ୍ୟଦ୍‍ ବାକ୍ୟ ପ୍ରଚାର କର; ଆଉ, ଯେଉଁମାନେ ନିଜ ହୃଦୟରୁ ଭବିଷ୍ୟଦ୍‍ ବାକ୍ୟ ପ୍ରଚାର କରନ୍ତି, ସେମାନଙ୍କୁ କୁହ, ତୁମ୍ଭେମାନେ ସଦାପ୍ରଭୁଙ୍କର ବାକ୍ୟ ଶୁଣ;
\v 3 ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, “ଯେଉଁ ମୂଢ଼ ଭବିଷ୍ୟଦ୍‍ବକ୍ତାମାନେ କିଛି ଦର୍ଶନ ପ୍ରାପ୍ତ ନ ହୋଇ ଆପଣା ଆପଣା ଆତ୍ମାର ପଶ୍ଚାଦ୍‍ଗମନ କରନ୍ତି, ସେମାନେ ସନ୍ତାପର ପାତ୍ର।”
\v 4 ହେ ଇସ୍ରାଏଲ, ତୁମ୍ଭର ଭବିଷ୍ୟଦ୍‍ବକ୍ତାମାନେ ଉଜଡ଼ା ସ୍ଥାନର ବିଲୁଆ ତୁଲ୍ୟ ହୋଇଅଛନ୍ତି।
\s5
\v 5 ତୁମ୍ଭେମାନେ ପ୍ରାଚୀରର ଭଗ୍ନସ୍ଥାନର ଉପରକୁ ଯାଇ ନାହଁ, କିଅବା ସଦାପ୍ରଭୁଙ୍କ ଦିନରେ ସଂଗ୍ରାମରେ ଠିଆ ହେବା ନିମନ୍ତେ ଇସ୍ରାଏଲ ବଂଶ ପାଇଁ ବେଢ଼ା ଦୃଢ଼ କରି ନାହଁ।
\v 6 ସଦାପ୍ରଭୁ ଏହି କଥା କହନ୍ତି ବୋଲି ଯେଉଁମାନେ କହନ୍ତି, ସେମାନେ ଅସାର ଦର୍ଶନ ପାଇଅଛନ୍ତି ଓ ମିଥ୍ୟା ମନ୍ତ୍ର ପଢ଼ିଅଛନ୍ତି,” ଆଉ, ସଦାପ୍ରଭୁ ସେମାନଙ୍କୁ ପଠାଇ ନାହାନ୍ତି; ପୁଣି, ବାକ୍ୟ ସିଦ୍ଧ ହେବ ବୋଲି ସେମାନେ ଲୋକମାନଙ୍କର ପ୍ରତ୍ୟାଶା ଜନ୍ମାଇ ଅଛନ୍ତି।
\v 7 ଆମ୍ଭେ କଥା ନ କହିଲେ ହେଁ, “ସଦାପ୍ରଭୁ କହନ୍ତି ବୋଲି କହୁଅଛ ଯେ ତୁମ୍ଭେମାନେ,” ତୁମ୍ଭେମାନେ କି ଅସାର ଦର୍ଶନ ପାଇ ନାହଁ ଓ ତୁମ୍ଭେମାନେ କି ମିଥ୍ୟା ମନ୍ତ୍ର ଉଚ୍ଚାରଣ କରି ନାହଁ ?
\s5
\v 8 ଏହେତୁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭେମାନେ ଅସାର ବାକ୍ୟ କହିଅଛ ଓ ମିଥ୍ୟା ଦର୍ଶନ ପାଇଅଛ, ଏଥିପାଇଁ ଦେଖ, ଆମ୍ଭେ ତୁମ୍ଭମାନଙ୍କର ପ୍ରତିକୂଳ ଅଟୁ, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।
\v 9 “ପୁଣି, ଯେଉଁ ଭବିଷ୍ୟଦ୍‍ବକ୍ତାମାନେ ଅସାର ଦର୍ଶନ ପାଆନ୍ତି ଓ ମିଥ୍ୟା ମନ୍ତ୍ର ପଢ଼ନ୍ତି, ଆମ୍ଭର ହସ୍ତ ସେମାନଙ୍କର ପ୍ରତିକୂଳ ହେବ; ସେମାନେ ଆମ୍ଭ ଲୋକମାନଙ୍କ ମନ୍ତ୍ରୀ ସଭାରେ ରହିବେ ନାହିଁ, କିଅବା ଇସ୍ରାଏଲ ବଂଶର ବଂଶାବଳୀ ମଧ୍ୟରେ ସେମାନେ ଲିଖିତ ହେବେ ନାହିଁ, ଅଥବା ଇସ୍ରାଏଲ ଦେଶରେ ପ୍ରବେଶ କରିବେ ନାହିଁ; ତହିଁରେ ଆମ୍ଭେ ଯେ ପ୍ରଭୁ, ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ।
\s5
\v 10 ଶାନ୍ତି ନ ଥିଲେ ହେଁ ସେମାନେ ଶାନ୍ତି ଅଛି ବୋଲି କହି ଆମ୍ଭ ଲୋକମାନଙ୍କୁ ଭୁଲାଇ ଅଛନ୍ତି; ଆଉ, କେହି କାନ୍ଥ ନିର୍ମାଣ କଲେ ଦେଖ, ସେମାନେ ଅମିଶ୍ରିତ ମସଲାରେ ତାହା ଲେପନ କରନ୍ତି,”
\v 11 ଏଥିପାଇଁ, ବିଶେଷ ରୂପେ ଅମିଶ୍ରିତ ମସଲାରେ କାନ୍ଥ ଲେପନକାରୀମାନଙ୍କୁ କୁହ ଯେ, “ତାହା ପଡ଼ିଯିବ; ପ୍ଳାବନକାରୀ ବୃଷ୍ଟି ହେବ; ହେ ବୃହତ ଶିଳାସକଳ, ତୁମ୍ଭେମାନେ ବୃଷ୍ଟି ହେବ ଓ ପ୍ରଚଣ୍ଡ ବାୟୁ ତାହା ବିଦାରଣ କରିବ।”
\v 12 ଦେଖ, କାନ୍ଥ ଯେତେବେଳେ ପଡ଼ିଯିବ, ସେତେବେଳେ ତୁମ୍ଭମାନଙ୍କୁ କି କୁହା ନ ଯିବ, ତୁମ୍ଭେମାନେ ଯାହା ଦେଇ ଲେପନ କରିଥିଲ, ସେହି ପ୍ରଲେପ କାହିଁ ?
\s5
\v 13 ଏହେତୁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ଆମ୍ଭେ ଆପଣା କୋପରେ ପ୍ରଚଣ୍ଡ ବାୟୁ ଦ୍ୱାରା ତାହା ବିଦାରଣ କରିବା; ଆମ୍ଭ କ୍ରୋଧରେ ପ୍ଳାବନକାରୀ ବୃଷ୍ଟି ହେବ ଓ କୋପରେ ବୃହତ୍ ବୃହତ୍ ଶିଳାବୃଷ୍ଟି ହୋଇ ତାହା ବିନଷ୍ଟ କରିବ।
\v 14 ଏହିରୂପେ ତୁମ୍ଭେମାନେ ଅମିଶ୍ରିତ ମସଲାରେ ଯେଉଁ କାନ୍ଥ ଲେପନ କରିଅଛ, ତାହା ଆମ୍ଭେ ଭାଙ୍ଗି ପକାଇବା ଓ ତାହା ଭୂମିସାତ୍‍ କରିବା, ତହିଁରେ ତାହାର ଭିତ୍ତିମୂଳ ଅନାବୃତ ହେବ; ଆଉ, ତାହା ପଡ଼ିଯିବ ଓ ତୁମ୍ଭେମାନେ ତହିଁ ମଧ୍ୟରେ ବିନଷ୍ଟ ହେବ; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ।
\s5
\v 15 ଏହି ପ୍ରକାରେ ଆମ୍ଭେ ସେହି କାନ୍ଥ ଉପରେ ଓ ଯେଉଁମାନେ ଅମିଶ୍ରିତ ମସଲାରେ ତାହା ଲେପନ କରିଅଛନ୍ତି, ସେମାନଙ୍କ ଉପରେ ଆପଣା କୋପ ସଫଳ କରିବା ଓ ଆମ୍ଭେ ତୁମ୍ଭମାନଙ୍କୁ କହିବା, “ସେହି କାନ୍ଥ ଆଉ ନାହିଁ ଓ ତାହା ଲେପନକାରୀମାନେ,
\v 16 ଅର୍ଥାତ୍‍, ଯେଉଁମାନେ ଯିରୂଶାଲମ ବିଷୟରେ ଭବିଷ୍ୟଦ୍‍ ବାକ୍ୟ ପ୍ରଚାର କରନ୍ତି ଓ ଶାନ୍ତି ନ ଥିଲେ ହେଁ ତାହା ନିମନ୍ତେ ଶାନ୍ତିର ଦର୍ଶନ ପାଆନ୍ତି, ଇସ୍ରାଏଲର ସେହି ଭବିଷ୍ୟଦ୍‍ବକ୍ତାମାନେ ଆଉ ନାହାନ୍ତି, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।”
\s5
\v 17 ଆଉ ହେ ମନୁଷ୍ୟ-ସନ୍ତାନ, ତୁମ୍ଭ ଲୋକଙ୍କର ଯେଉଁ କନ୍ୟାଗଣ ଆପଣା ଆପଣା ହୃଦୟରୁ ଭବିଷ୍ୟଦ୍‍ ବାକ୍ୟ ପ୍ରଚାର କରନ୍ତି, ସେମାନଙ୍କ ବିରୁଦ୍ଧରେ ଆପଣା ମୁଖ ରଖ ଓ ସେମାନଙ୍କ ବିରୁଦ୍ଧରେ ଭବିଷ୍ୟଦ୍‍ ବାକ୍ୟ ପ୍ରଚାର କରି କୁହ,
\v 18 ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, “ଯେଉଁ ସ୍ତ୍ରୀମାନେ ପ୍ରାଣ ମୃଗୟାର୍ଥେ ସବୁ କହୁଣୀ ଉପରେ ମୁଚୁଳା ସିଲାଇ କରନ୍ତି ଓ ସର୍ବଆକୃତିର ଲୋକଙ୍କ ମସ୍ତକ ନିମନ୍ତେ ଆବରଣୀ ପ୍ରସ୍ତୁତ କରନ୍ତି, ସେମାନେ ସନ୍ତାପର ପାତ୍ରୀ ! ତୁମ୍ଭେମାନେ କି ଆମ୍ଭ ଲୋକମାନଙ୍କ ପ୍ରାଣକୁ ମୃଗୟା କରି ଆପଣାମାନଙ୍କ ନିମନ୍ତେ ପ୍ରାଣ ଜୀଅନ୍ତା ରଖିବ ?
\s5
\v 19 ପୁଣି, ଆମ୍ଭର ଯେଉଁ ଲୋକମାନେ ମିଥ୍ୟା କଥା ଶୁଣନ୍ତି, ସେମାନଙ୍କୁ ମିଥ୍ୟା କଥା କହି, ବଧର ଅଯୋଗ୍ୟ ପ୍ରାଣକୁ ବଧ କରିବା ପାଇଁ ଓ ବଞ୍ଚିବାର ଅଯୋଗ୍ୟ ପ୍ରାଣକୁ ଜୀବିତ ରଖିବା ପାଇଁ ତୁମ୍ଭେମାନେ ମୁଠିଏ ମୁଠିଏ ଯବ ଓ ଖଣ୍ଡିଏ ଖଣ୍ଡିଏ ରୁଟି ନିମନ୍ତେ ଆମ୍ଭ ଲୋକଙ୍କ ମଧ୍ୟରେ ଆମ୍ଭକୁ ଅଶୁଚି କରିଅଛ।
\s5
\v 20 ଏହେତୁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ଦେଖ, ତୁମ୍ଭେମାନେ ଆପଣାମାନଙ୍କର ଯେଉଁ ମୁଚୁଳା ଦ୍ୱାରା ପ୍ରାଣୀମାନଙ୍କୁ ଉଡ଼ାଇ ଶିକାର କରୁଅଛ, ଆମ୍ଭେ ତହିଁର ପ୍ରତିକୂଳ ଅଟୁ ଓ ଆମ୍ଭେ ତୁମ୍ଭମାନଙ୍କ ଭୁଜରୁ ସେହିସବୁ ମୁଚୁଳା ଚିରି ପକାଇବା; ଆଉ, ଆମ୍ଭେ ପ୍ରାଣୀମାନଙ୍କୁ, ଅର୍ଥାତ୍‍, ତୁମ୍ଭେମାନେ ଯେଉଁ ପ୍ରାଣୀମାନଙ୍କୁ ଉଡ଼ାଇ ମୃଗୟା କରୁଅଛ, ଆମ୍ଭେ ସେମାନଙ୍କୁ ମୁକ୍ତ କରି ଦେବା।
\v 21 ମଧ୍ୟ ଆମ୍ଭେ ତୁମ୍ଭମାନଙ୍କର ଆବରଣୀ ଚିରି ପକାଇବା ଓ ଆମ୍ଭ ଲୋକମାନଙ୍କୁ ତୁମ୍ଭମାନଙ୍କ ହସ୍ତରୁ ଉଦ୍ଧାର କରିବା, ସେମାନେ ମୃଗୟାକୃତ ହେବା ନିମନ୍ତେ, ଆଉ ତୁମ୍ଭମାନଙ୍କ ହସ୍ତଗତ ହେବେ ନାହିଁ; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ।
\s5
\v 22 ଆମ୍ଭେ ଯେଉଁ ଧାର୍ମିକ ଲୋକକୁ ବିଷର୍ଣ୍ଣ କରି ନାହୁଁ, ତୁମ୍ଭେମାନେ ମିଥ୍ୟା କଥା ଦ୍ୱାରା ତାହାର ଅନ୍ତଃକରଣକୁ ଦୁଃଖାର୍ତ୍ତ କରିଅଛ, ପୁଣି, ଦୁଷ୍ଟ ଲୋକ ବଞ୍ଚିବା ନିମନ୍ତେ ଯେପରି ଆପଣା କୁପଥରୁ ଫେରିବ ନାହିଁ, ଏଥିପାଇଁ ତାହାର ହସ୍ତ ସବଳ କରିଅଛ;
\v 23 ଏସକାଶୁ ତୁମ୍ଭେମାନେ ଅସାର ଦର୍ଶନ ଆଉ ଦେଖିବ ନାହିଁ, କିଅବା ମନ୍ତ୍ର ପଢ଼ିବ ନାହିଁ; ପୁଣି, ଆମ୍ଭେ ଆପଣା ଲୋକମାନଙ୍କୁ ତୁମ୍ଭମାନଙ୍କ ହସ୍ତରୁ ଉଦ୍ଧାର କରିବା; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ।”
\s5
\c 14
\s ଦେବପୂଜକ ପ୍ରାଚୀନବର୍ଗଙ୍କ ବିଚାର
\p
\v 1 ଏଥିଉତ୍ତାରେ ଇସ୍ରାଏଲର ପ୍ରାଚୀନବର୍ଗଙ୍କ ମଧ୍ୟରୁ କେତେକ ଜଣ ମୋ’ ନିକଟକୁ ଆସି ମୋ’ ସମ୍ମୁଖରେ ବସିଲେ।
\v 2 ସେତେବେଳେ ସଦାପ୍ରଭୁଙ୍କର ଏହି ବାକ୍ୟ ମୋ’ ନିକଟରେ ଉପସ୍ଥିତ ହେଲା,
\v 3 “ହେ ମନୁଷ୍ୟ-ସନ୍ତାନ, ଏହି ଲୋକମାନେ ଆପଣା ଆପଣା ଦେବତାକୁ ଆପଣା ଆପଣା ହୃଦୟକୁ ନେଇଅଛନ୍ତି ଓ ଆପଣାମାନଙ୍କର ଅଧର୍ମଜନକ ବିଘ୍ନ ଆପଣା ଆପଣା ସମ୍ମୁଖରେ ରଖିଅଛନ୍ତି; ଆମ୍ଭେ କି କୌଣସିମତେ ସେମାନଙ୍କୁ ଆମ୍ଭ ନିକଟରେ ଅନୁସନ୍ଧାନ କରିବାକୁ ଦେବା ?
\s5
\v 4 ଏହେତୁ ତୁମ୍ଭେ ସେମାନଙ୍କୁ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ଇସ୍ରାଏଲ ବଂଶର ଯେଉଁ ପ୍ରତ୍ୟେକ ଲୋକ ଆପଣା ଦେବତାକୁ ଆପଣା ହୃଦୟକୁ ନିଏ ଓ ଆପଣାର ଅଧର୍ମଜନକ ବିଘ୍ନ ଆପଣା ସମ୍ମୁଖରେ ରଖେ, ଆଉ ଭବିଷ୍ୟଦ୍‍ବକ୍ତା ନିକଟକୁ ଆସେ; ସେହି ଲୋକକୁ ଆମ୍ଭେ ସଦାପ୍ରଭୁ ତାହାର ଦେବତାଗଣର ବାହୁଲ୍ୟାନୁସାରେ ତଦ୍‍ବିଷୟରେ ଉତ୍ତର ଦେବା;
\v 5 ଏହିରୂପେ ଆମ୍ଭେ ଇସ୍ରାଏଲ ବଂଶକୁ ସେମାନଙ୍କର ହୃଦୟରୂପ ଫାନ୍ଦରେ ଧରିବା, କାରଣ ସେମାନେ ସମସ୍ତେ ଆପଣା ଆପଣା ଦେବଗଣ ଦ୍ୱାରା ଆମ୍ଭଠାରୁ ବିମୁଖ ହୋଇଅଛନ୍ତି।
\s5
\v 6 ଏହେତୁ ଇସ୍ରାଏଲ ବଂଶକୁ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭେମାନେ ଫେର, ଆପଣା ଆପଣା ଦେବଗଣଠାରୁ ବିମୁଖ ହୁଅ, ତୁମ୍ଭମାନଙ୍କର ସମସ୍ତ ଘୃଣାଯୋଗ୍ୟ କ୍ରିୟାରୁ ଆପଣା ଆପଣା ମୁଖ ଫେରାଅ।
\s5
\v 7 କାରଣ ଇସ୍ରାଏଲ ବଂଶର ଓ ଇସ୍ରାଏଲ ମଧ୍ୟରେ ପ୍ରବାସକାରୀଗଣର ଯେ ପ୍ରତ୍ୟେକ ଲୋକ ଆମ୍ଭଠାରୁ ଆପଣାକୁ ପୃଥକ୍ କରେ ଓ ଆପଣା ଦେବଗଣକୁ ଆପଣା ହୃଦୟକୁ ନିଏ ଓ ଆପଣାର ଅଧର୍ମଜନକ ବିଘ୍ନ ଆପଣା ସମ୍ମୁଖରେ ରଖେ, ଆଉ ଆପଣା ବିଷୟ ଆମ୍ଭ ନିକଟରେ ଅନୁସନ୍ଧାନ କରିବା ପାଇଁ ଭବିଷ୍ୟଦ୍‍ବକ୍ତା ନିକଟକୁ ଆସେ; ଆମ୍ଭେ ସଦାପ୍ରଭୁ ଆପେ ତାହାକୁ ଉତ୍ତର ଦେବା।
\v 8 ପୁଣି, ଆମ୍ଭେ ସେ ଲୋକର ବିରୁଦ୍ଧରେ ଆପଣା ମୁଖ ରଖିବା ଓ ତାହାକୁ ଚିହ୍ନ ଓ ଦୃଷ୍ଟାନ୍ତର ନିମନ୍ତେ ବିସ୍ମୟାସ୍ପଦ କରିବା, ଆଉ ଆମ୍ଭେ ଆମ୍ଭ ଲୋକମାନଙ୍କ ମଧ୍ୟରୁ ତାହାକୁ ଉଚ୍ଛିନ୍ନ କରିବା; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ।
\s5
\v 9 ଆଉ, ଭବିଷ୍ୟଦ୍‍ବକ୍ତା ଭ୍ରାନ୍ତ ହୋଇ ଯଦି କୌଣସି କଥା କହେ, ତେବେ ଆମ୍ଭେ ସଦାପ୍ରଭୁ ସେ ଭବିଷ୍ୟଦ୍‍ବକ୍ତାଙ୍କୁ ଭ୍ରାନ୍ତ କରାଇଅଛୁ, ଆମ୍ଭେ ତାହାର ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରିବା ଓ ଆମ୍ଭ ଇସ୍ରାଏଲ ଲୋକଙ୍କ ମଧ୍ୟରୁ ତାହାକୁ ବିନଷ୍ଟ କରିବା।
\v 10 ପୁଣି, ସେମାନେ ଆପଣା ଆପଣା ଅଧର୍ମର ଭାର ବୋହିବେ; ଭବିଷ୍ୟଦ୍‍ବକ୍ତାର ଅଧର୍ମ ଓ ତାହାର ଅନ୍ୱେଷଣକାରୀର ଅଧର୍ମ ଏକ ସମାନ ହେବ;
\v 11 ତହିଁରେ ଇସ୍ରାଏଲ ବଂଶ ଆମ୍ଭଠାରୁ ଆଉ ବିପଥଗାମୀ ହେବେ ନାହିଁ, କିଅବା ଆପଣାମାନଙ୍କର ସକଳ ଆଜ୍ଞା ଲଘଂନ ଦ୍ୱାରା ସେମାନେ ଆଉ ଆପଣାମାନଙ୍କୁ ଅଶୁଚି କରିବେ ନାହିଁ; ମାତ୍ର ସେମାନେ ଆମ୍ଭର ଲୋକ ହେବେ ଓ ଆମ୍ଭେ ସେମାନଙ୍କର ପରମେଶ୍ୱର ହେବା, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।”
\s ଯିରୂଶାଲମର ଅମଙ୍ଗଳ ନିଶ୍ଚିତ
\p
\s5
\v 12 ଏଥିଉତ୍ତାରେ ସଦାପ୍ରଭୁଙ୍କର ଏହି ବାକ୍ୟ ମୋ’ ନିକଟରେ ଉପସ୍ଥିତ ହେଲା,
\v 13 “ହେ ମନୁଷ୍ୟ-ସନ୍ତାନ, କୌଣସି ଦେଶ ସତ୍ୟ-ଲଙ୍ଘନ ଦ୍ୱାରା ଆମ୍ଭ ବିରୁଦ୍ଧରେ ପାପ କଲେ, ଯେତେବେଳେ ଆମ୍ଭେ ତାହା ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରୁ, ତାହାର ଅନ୍ନରୂପ ଯଷ୍ଟି ଭାଙ୍ଗୁ ଓ ତହିଁ ମଧ୍ୟକୁ ଦୁର୍ଭିକ୍ଷ ପଠାଉ, ପୁଣି ତହିଁ ମଧ୍ୟରୁ ମନୁଷ୍ୟ ଓ ପଶୁକୁ ଉଚ୍ଛିନ୍ନ କରୁ;
\v 14 ସେତେବେଳେ ନୋହ, ଦାନିୟେଲ ଓ ଆୟୁବ, ଏହି ତିନି ବ୍ୟକ୍ତି ଯଦି ତହିଁ ମଧ୍ୟରେ ଥା’ନ୍ତେ, ତେବେ ସେମାନେ ଆପଣା ଆପଣା ଧାର୍ମିକତା ଦ୍ୱାରା ଆପଣା ପ୍ରାଣ ମାତ୍ର ରକ୍ଷା କରନ୍ତେ,” ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।
\s5
\v 15 ଆମ୍ଭେ ଯଦି ଦେଶ ମଧ୍ୟରେ ହିଂସ୍ରକ ପଶୁଗଣକୁ ଗତାୟାତ କରାଉ, ଆଉ ସେମାନେ ତାହା ଏରୂପ ବିନଷ୍ଟ କରନ୍ତି ଯେ, ଦେଶ ଧ୍ୱଂସର ସ୍ଥାନ ହୁଏ ଓ ପଶୁମାନଙ୍କ ଭୟରେ କୌଣସି ମନୁଷ୍ୟ ତହିଁ ମଧ୍ୟରେ ଗତାୟାତ ନ କରେ;
\v 16 ତେବେ ଏହି ତିନି ବ୍ୟକ୍ତି ତହିଁ ମଧ୍ୟରେ ଥିଲେ ହେଁ ପ୍ରଭୁ, ସଦାପ୍ରଭୁ କହନ୍ତି, “ଆମ୍ଭେ ଜୀବିତ ଥିବା ପ୍ରମାଣେ ସେମାନେ ପୁତ୍ର କି କନ୍ୟାଗଣକୁ ଉଦ୍ଧାର କରି ପାରିବେ ନାହିଁ; କେବଳ ସେମାନେ ଉଦ୍ଧାର ପାଇବେ, ମାତ୍ର ଦେଶ ଧ୍ୱଂସସ୍ଥାନ ହେବ।
\s5
\v 17 ଅଥବା ଆମ୍ଭେ ଯଦି ସେହି ଦେଶ ବିରୁଦ୍ଧରେ ଖଡ୍ଗ ଆଣୁ, ଆଉ ଆଜ୍ଞା କରୁ, ହେ ଖଡ୍ଗ, ଦେଶ ମଧ୍ୟ ଦେଇ ଗମନ କର ଓ ଆମ୍ଭେ ମନୁଷ୍ୟ ଓ ପଶୁକୁ ତହିଁ ମଧ୍ୟରୁ ଉଚ୍ଛିନ୍ନ କରୁ,”
\v 18 ତେବେ ଏହି ତିନି ବ୍ୟକ୍ତି ତହିଁ ମଧ୍ୟରେ ଥିଲେ ହେଁ ପ୍ରଭୁ, ସଦାପ୍ରଭୁ କହନ୍ତି, “ଆମ୍ଭେ ଜୀବିତ ଥିବା ପ୍ରମାଣେ ସେମାନେ ପୁତ୍ର କିମ୍ବା କନ୍ୟାଗଣକୁ ଉଦ୍ଧାର କରି ପାରିବେ ନାହିଁ, ମାତ୍ର କେବଳ ନିଜେ ନିଜେ ଉଦ୍ଧାର ପ୍ରାପ୍ତ ହେବେ।”
\s5
\v 19 ଅଥବା ଆମ୍ଭେ ଯଦି ସେହି ଦେଶକୁ ମହାମାରୀ ପଠାଉ, ଆଉ ତହିଁ ମଧ୍ୟରୁ ମନୁଷ୍ୟ ଓ ପଶୁକୁ ଉଚ୍ଛିନ୍ନ କରିବା ପାଇଁ ତହିଁ ଉପରେ ଆମ୍ଭର କୋପ ଢାଳି ରକ୍ତ ବହାଉ;
\v 20 ତେବେ ନୋହ, ଦାନିୟେଲ ଓ ଆୟୁବ ତହିଁ ମଧ୍ୟରେ ଥିଲେ ହେଁ ପ୍ରଭୁ, ସଦାପ୍ରଭୁ କହନ୍ତି, “ଆମ୍ଭେ ଜୀବିତ ଥିବା ପ୍ରମାଣେ ସେମାନେ ପୁତ୍ର କିମ୍ବା କନ୍ୟାକୁ ଉଦ୍ଧାର କରି ପାରିବେ ନାହିଁ; ସେମାନେ ଆପଣା ଆପଣା ଧାର୍ମିକତା ଦ୍ୱାରା କେବଳ ନିଜ ନିଜ ପ୍ରାଣ ଉଦ୍ଧାର କରିବେ।”
\s5
\v 21 କାରଣ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; “ଆମ୍ଭେ ମନୁଷ୍ୟ ଓ ପଶୁଗଣକୁ ଉଚ୍ଛିନ୍ନ କରିବା ପାଇଁ ଯେତେବେଳେ ଯିରୂଶାଲମ ବିରୁଦ୍ଧରେ ଖଡ୍ଗ, ଦୁର୍ଭିକ୍ଷ, ହିଂସ୍ରକ ପଶୁ ଓ ମହାମାରୀ, ଆମ୍ଭର ଏହି ଚାରି ମହାଦଣ୍ଡ ପଠାଇବା, ସେତେବେଳେ ଆଉ କେତେ ଅଧିକ ନ ଘଟିବ ?
\s5
\v 22 ତଥାପି ଦେଖ, ତହିଁ ମଧ୍ୟରେ ପୁତ୍ର ଓ କନ୍ୟାଗଣ ଉଭୟର ଅବଶିଷ୍ଟାଂଶ ରହି ବାହାରେ ଅଣାଯିବେ; ଦେଖ, ସେମାନେ ତୁମ୍ଭମାନଙ୍କ ନିକଟକୁ ଆସିବେ ଓ ତୁମ୍ଭେମାନେ ସେମାନଙ୍କର ଆଚାର ବ୍ୟବହାର ଓ କ୍ରିୟାସକଳ ଦେଖିବ; ପୁଣି, ଆମ୍ଭେ ଯିରୂଶାଲମ ଉପରେ ଯେଉଁ ଅମଙ୍ଗଳ ଘଟାଇଅଛୁ, ତାହା ପ୍ରତି ଯେସକଳ ବର୍ତ୍ତାଇଅଛୁ, ତହିଁ ବିଷୟରେ ତୁମ୍ଭେମାନେ ସାନ୍ତ୍ୱନା ପାଇବ।
\v 23 ଆଉ, ସେମାନେ ତୁମ୍ଭମାନଙ୍କୁ ସାନ୍ତ୍ୱନା କରିବେ, ତୁମ୍ଭେମାନେ ସେମାନଙ୍କର ଆଚାର ବ୍ୟବହାର ଓ କ୍ରିୟା ଦେଖିଲେ ଜାଣିବ ଯେ, ଆମ୍ଭେ ତହିଁ ମଧ୍ୟରେ ଯାହା ଯାହା କରିଅଛୁ, ସେହି ସବୁ ଅକାରଣରେ କରି ନାହୁଁ,” ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।
\s5
\c 15
\s ଯିରୂଶାଲମ - ଅଯୋଗ୍ୟ ଦ୍ରାକ୍ଷାଲତା
\p
\v 1 ଏଥିଉତ୍ତାରେ ସଦାପ୍ରଭୁଙ୍କର ଏହି ବାକ୍ୟ ମୋ’ ନିକଟରେ ଉପସ୍ଥିତ ହେଲା,
\v 2 “ହେ ମନୁଷ୍ୟ-ସନ୍ତାନ, ଦ୍ରାକ୍ଷାଲତାର ଗଛ, ବନସ୍ଥ ବୃକ୍ଷଗଣ ମଧ୍ୟରେ ସ୍ଥିତ ଦ୍ରାକ୍ଷାଲତାର ଶାଖା, ଅନ୍ୟ ସକଳ ଗଛ ଅପେକ୍ଷା କାହିଁରେ ଅଧିକ ?
\v 3 କୌଣସି କାର୍ଯ୍ୟ ନିମନ୍ତେ କି ତହିଁରୁ କାଠ ନିଆଯିବ ? ଅବା କୌଣସି ପାତ୍ର ଟଙ୍ଗାଇବା ନିମନ୍ତେ କି ଲୋକେ ତହିଁରୁ ମେଖ କରିବେ ?
\v 4 ଦେଖ, ଜାଳ ହେବା ପାଇଁ ତାହା ଅଗ୍ନିରେ ପକାଗଲା; ଅଗ୍ନି ତାହାର ଦୁଇ ମୁଣ୍ଡ ଗ୍ରାସ କଲା ଓ ତହିଁର ମଧ୍ୟଭାଗ ଦଗ୍ଧ ହେଲା ତାହା କି କୌଣସି କାର୍ଯ୍ୟକୁ ଆସିବ ?
\s5
\v 5 ଦେଖ, ଅବିକଳ ଥିବା ବେଳେ ତାହା କୌଣସି କାର୍ଯ୍ୟର ଯୋଗ୍ୟ ନୋହିଲା; ଅଗ୍ନି ଗ୍ରାସ କଲା ଉତ୍ତାରେ ଓ ତାହା ଦଗ୍ଧ ହେଲା ଉତ୍ତାରେ ତାହା କି କୌଣସି କାର୍ଯ୍ୟର ଅଧିକ ଅଯୋଗ୍ୟ ନୋହିବ ?”
\v 6 ଏହେତୁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; “ଦେଖ, ଆମ୍ଭେ ଯେପରି ବନସ୍ଥ ଗଛସବୁର ମଧ୍ୟସ୍ଥିତ ଦ୍ରାକ୍ଷାଲତାକୁ ଅଗ୍ନିରେ ଜାଳ ହେବା ପାଇଁ ନିରୂପଣ କରିଅଛୁ, ସେହିପରି ଆମ୍ଭେ ଯିରୂଶାଲମ ନିବାସୀମାନଙ୍କୁ ନିରୂପଣ କରିବା।
\s5
\v 7 ପୁଣି, ଆମ୍ଭେ ସେମାନଙ୍କ ବିରୁଦ୍ଧରେ ଆପଣା ମୁଖ ରଖିବା, ସେମାନେ ଅଗ୍ନିରୁ ବାହାରି ଯିବେ, ମାତ୍ର ଅଗ୍ନି ସେମାନଙ୍କୁ ଗ୍ରାସ କରିବ; ପୁଣି, ଆମ୍ଭେ ସେମାନଙ୍କ ବିରୁଦ୍ଧରେ ଆପଣା ମୁଖ ରଖିଲେ, ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ।
\v 8 ଆଉ, ଆମ୍ଭେ ଦେଶକୁ ଧ୍ୱଂସର ସ୍ଥାନ କରିବା, କାରଣ ସେମାନେ ସତ୍ୟ-ଲଙ୍ଘନ କରିଅଛନ୍ତି,” ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।
\s5
\c 16
\s ଅବିଶ୍ୱସ୍ତ ଯିରୂଶାଲମ
\p
\v 1 ପୁନର୍ବାର ସଦାପ୍ରଭୁଙ୍କର ବାକ୍ୟ ମୋ’ ନିକଟରେ ଉପସ୍ଥିତ ହେଲା,
\v 2 “ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଯିରୂଶାଲମକୁ ତାହାର ଘୃଣାଯୋଗ୍ୟ କ୍ରିୟାସକଳ ଜଣାଅ,
\v 3 ଆଉ କୁହ, ପ୍ରଭୁ, ସଦାପ୍ରଭୁ ଯିରୂଶାଲମକୁ ଏହି କଥା କହନ୍ତି: ତୁମ୍ଭର ଉତ୍ପତ୍ତି ଓ ଜନ୍ମସ୍ଥାନ କିଣାନୀୟ ଦେଶ ଅଟେ; ପୁଣି ତୁମ୍ଭର ପିତା ଇମୋରୀୟ ଓ ମାତା ଜଣେ ହିତ୍ତୀୟା ଥିଲା।
\s5
\v 4 ତୁମ୍ଭ ଜନ୍ମର ବିବରଣ ଏହି, ତୁମ୍ଭେ ଜନ୍ମ ହେବା ଦିନ ତୁମ୍ଭର ନାଭି କଟା ହୋଇ ନ ଥିଲା, କିଅବା ତୁମ୍ଭକୁ ପରିଷ୍କାର କରିବା ପାଇଁ ଜଳରେ ସ୍ନାନ କରାଯାଇ ନ ଥିଲା; ତୁମ୍ଭେ ଲବଣରେ ମଖାଯାଇ ନ ଥିଲ, କିଅବା ପଟୀରେ ଗୁଡ଼ା ଯାଇ ନ ଥିଲ।
\v 5 ଏହିସବୁ ମଧ୍ୟରୁ କୌଣସି କାର୍ଯ୍ୟ କରିବା ପାଇଁ, ତୁମ୍ଭ ପ୍ରତି ଦୟା ବହିବା ପାଇଁ କେହି ତୁମ୍ଭ ଉପରେ ସ୍ନେହ ଦୃଷ୍ଟି ନ କଲା; ମାତ୍ର ତୁମ୍ଭେ ଜନ୍ମ ହେବା ଦିନ ତୁମ୍ଭର ଘୃଣାଯୋଗ୍ୟ ଅବସ୍ଥା ସକାଶୁ ଖୋଲା ପଡ଼ିଆରେ ଫୋପଡ଼ା ଯାଇଥିଲ।
\s5
\v 6 ଏଥିଉତ୍ତାରେ ଆମ୍ଭେ ଯେତେବେଳେ ତୁମ୍ଭ ନିକଟ ଦେଇ ଗଲୁ ଓ ତୁମ୍ଭକୁ ରକ୍ତରେ ଛଟପଟ ହେବାର ଦେଖିଲୁ, ସେତେବେଳେ ଆମ୍ଭେ ତୁମ୍ଭକୁ କହିଲୁ, ତୁମ୍ଭେ ନିଜ ରକ୍ତରେ (ଲିପ୍ତ) ଥିଲେ ହେଁ ଜୀବିତ ହୁଅ; ହଁ, ତୁମ୍ଭେ ନିଜ ରକ୍ତରେ (ଲିପ୍ତ) ଥିଲେ ହେଁ ଜୀବିତ ହୁଅ; ଏହି କଥା ଆମ୍ଭେ ତୁମ୍ଭକୁ କହିଲୁ।
\v 7 ଆମ୍ଭେ କ୍ଷେତ୍ରରେ ଉଦ୍ଭିଦ ପରି ତୁମ୍ଭକୁ ବହୁସଂଖ୍ୟକ କରାଇଲୁ, ତହିଁରେ ତୁମ୍ଭେ ବୃଦ୍ଧି ପାଇ ଅତି ବଡ଼ ହୋଇ ଉଠିଲ ଓ ମହାଶୋଭାରୂପ ଅଳଙ୍କାର ସ୍ୱରୂପ ହେଲ; ତୁମ୍ଭର ସ୍ତନଯୁଗଳ ସୁଡୌଲ ଓ ତୁମ୍ଭର କେଶ ଦୀର୍ଘ ହେଲା; ତଥାପି ତୁମ୍ଭେ ବିବସନା ଓ ଉଲଙ୍ଗିନୀ ଥିଲ।
\s5
\v 8 ପୁଣି, ଆମ୍ଭେ ଯେତେବେଳେ ତୁମ୍ଭର ନିକଟ ଦେଇ ଗମନ କଲୁ ଓ ତୁମ୍ଭ ପ୍ରତି ଅନାଇଲୁ, ସେତେବେଳେ ଦେଖ, ତୁମ୍ଭର ସେ ସମୟ ତ ପ୍ରେମର ସମୟ; ତହୁଁ ଆମ୍ଭେ ତୁମ୍ଭ ଉପରେ ଆପଣା ବସ୍ତ୍ରାଞ୍ଚଳ ପ୍ରସାରିଲୁ ଓ ତୁମ୍ଭର ଉଲଙ୍ଗତା ଆଚ୍ଛାଦନ କଲୁ; ହଁ, ପ୍ରଭୁ, ସଦାପ୍ରଭୁ କହନ୍ତି, ଆମ୍ଭେ ଶପଥ କରି ତୁମ୍ଭ ସଙ୍ଗେ ନିୟମ ସ୍ଥିର କଲୁ, ତହିଁରେ ତୁମ୍ଭେ ଆମ୍ଭର ହେଲ।”
\s5
\v 9 ତହୁଁ ଆମ୍ଭେ ତୁମ୍ଭକୁ ଜଳରେ ସ୍ନାନ କରାଇଲୁ, ହଁ, ଆମ୍ଭେ ସମ୍ପୂର୍ଣ୍ଣ ରୂପେ ତୁମ୍ଭ ଦେହରୁ ତୁମ୍ଭର ରକ୍ତ ଧୋଇ ଦେଲୁ ଓ ଆମ୍ଭେ ତୈଳରେ ତୁମ୍ଭକୁ ମର୍ଦ୍ଦନ କଲୁ।
\v 10 ଆହୁରି, ଆମ୍ଭେ ତୁମ୍ଭକୁ ବିଚିତ୍ର ବସ୍ତ୍ର ପିନ୍ଧାଇଲୁ, ଶିଶୁକ ଚର୍ମର ପାଦୁକା ପିନ୍ଧାଇଲୁ ଓ ଆମ୍ଭେ ଶୁଭ୍ର କ୍ଷୌମ ବସ୍ତ୍ରରେ ତୁମ୍ଭର କଟୀବନ୍ଧନ କରାଇଲୁ, ପୁଣି, ପଟ୍ଟବସ୍ତ୍ରରେ ବିଭୂଷିତା କଲୁ।
\v 11 ଆହୁରି, ଆମ୍ଭେ ଅଳଙ୍କାରରେ ତୁମ୍ଭକୁ ଭୂଷିତା କଲୁ, ତୁମ୍ଭ ହସ୍ତରେ କଙ୍କଣ ଓ ଗଳଦେଶରେ ହାର ଦେଲୁ।
\v 12 ପୁଣି, ଆମ୍ଭେ ତୁମ୍ଭ ନାସିକାରେ ନଥ, କର୍ଣ୍ଣରେ କର୍ଣ୍ଣଭୂଷଣ ଓ ମସ୍ତକରେ ସୁନ୍ଦର ମୁକୁଟ ଦେଲୁ।
\s5
\v 13 ଏରୂପେ ତୁମ୍ଭେ ସୁନା, ରୂପାରେ ବିଭୂଷିତା ହେଲ, ତୁମ୍ଭର ବସ୍ତ୍ର ଶୁଭ୍ର କ୍ଷୌମସୂତ୍ର, ପଟ୍ଟ ଦ୍ୱାରା ନିର୍ମିତ ଓ ଶିଳ୍ପକର୍ମରେ ବିଚିତ୍ର ହେଲା; ତୁମ୍ଭେ ସରୁ ମଇଦା ଓ ମଧୁ ଓ ତୈଳ ଭୋଜନ କଲ। ପୁଣି, ତୁମ୍ଭେ ପରମା ସୁନ୍ଦରୀ ହୋଇ ଅବଶେଷରେ ରାଣୀ ପଦ ପ୍ରାପ୍ତ ହେଲ।
\v 14 ଆଉ, ତୁମ୍ଭ ସୌନ୍ଦର୍ଯ୍ୟର ସୁଖ୍ୟାତି ନାନା ଦେଶରେ ବ୍ୟାପିଲା; କାରଣ ପ୍ରଭୁ, ସଦାପ୍ରଭୁ କହନ୍ତି, “ଆମ୍ଭେ ଆପଣା ଐଶ୍ୱର୍ଯ୍ୟ ଦ୍ୱାରା ତୁମ୍ଭକୁ ଯେଉଁ ସୌନ୍ଦର୍ଯ୍ୟ ଦେଇଥିଲୁ, ତାହା ସିଦ୍ଧ ଥିଲା।
\s5
\v 15 ମାତ୍ର ତୁମ୍ଭେ ଆପଣା ସୌନ୍ଦର୍ଯ୍ୟରେ ନିର୍ଭର କରି ନିଜ ସୁଖ୍ୟାତି ସକାଶୁ ବ୍ୟଭିଚାରିଣୀ ହେଲ, ପୁଣି, ଯେକେହି ତୁମ୍ଭ ନିକଟ ଦେଇ ଗଲା; ତାହା ଉପରେ ତୁମ୍ଭର ବ୍ୟଭିଚାରରୂପ ଜଳ ଢାଳିଲ; ତାହା ତାହାର ଭୋଗ ହେଲା।
\v 16 ପୁଣି, ତୁମ୍ଭେ ଆପଣା ବସ୍ତ୍ରର କିଛି କିଛି ନେଇ ଆପଣା ପାଇଁ ନାନା ରଙ୍ଗରେ ଭୂଷିତ ଉଚ୍ଚସ୍ଥଳୀ ନିର୍ମାଣ କଲ ଓ ତହିଁ ଉପରେ ବ୍ୟଭିଚାର କ୍ରିୟା କଲ; ଏପରି କାର୍ଯ୍ୟ ହେବ ନାହିଁ, କିଅବା ହେବାର ହିଁ ଉଚିତ୍ ନୁହେଁ।
\s5
\v 17 ଆହୁରି, ଆମ୍ଭର ସୁନା ଓ ଆମ୍ଭର ରୂପାରେ ନିର୍ମିତ ଯେସକଳ ସୁନ୍ଦର ଆଭରଣ ଆମ୍ଭେ ତୁମ୍ଭକୁ ଦେଇଥିଲୁ, ତୁମ୍ଭେ ତାହା ନେଇ ପୁରୁଷାକୃତି ପ୍ରତିମାଗଣ ନିର୍ମାଣ କରି ସେମାନଙ୍କ ସଙ୍ଗେ ବ୍ୟଭିଚାର କଲ;
\f +
\fr 16:17
\fq ସେମାନଙ୍କ ସଙ୍ଗେ ବ୍ୟଭିଚାର କଲ;
\ft ଅର୍ଥାତ୍ ସେମାନଙ୍କ ଉପାସନା କଲ
\f*
\v 18 ପୁଣି, ତୁମ୍ଭେ ଆପଣା ବିଚିତ୍ର ବସ୍ତ୍ରସବୁ ନେଇ ସେମାନଙ୍କୁ ପିନ୍ଧାଇଲ ଓ ସେମାନଙ୍କ ସମ୍ମୁଖରେ ଆମ୍ଭର ତୈଳ ଓ ଆମ୍ଭର ଧୂପ ରଖିଲ।
\v 19 ମଧ୍ୟ ସରୁ ମଇଦା, ତୈଳ ଓ ମଧୁ, ଆଦି ଆମ୍ଭର ଯେଉଁ ଖାଦ୍ୟ ଦ୍ୱାରା ଆମ୍ଭେ ତୁମ୍ଭକୁ ପ୍ରତିପାଳନ କଲୁ, ତାହା ତୁମ୍ଭେ ସୌରଭାର୍ଥେ ସେମାନଙ୍କ ସମ୍ମୁଖରେ ରଖିଲ, ଆଉ ଏପ୍ରକାର ହୋଇଥିଲା,” ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।
\s5
\v 20 “ଆହୁରି, ଆମ୍ଭ ନିମନ୍ତେ ତୁମ୍ଭେ ଯେଉଁମାନଙ୍କୁ ଜନ୍ମ କରିଥିଲ, ତୁମ୍ଭେ ଆପଣାର ସେହି ପୁତ୍ର ଓ କନ୍ୟାଗଣକୁ ନେଇ ଗ୍ରାସିତ ହେବା ପାଇଁ ସେମାନଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିଅଛ।
\v 21 ତୁମ୍ଭେ ଯେ ଆମ୍ଭର ସନ୍ତାନଗଣକୁ ବଧ କରିଅଛ ଓ ଅଗ୍ନିରେ ଗମନ କରାଇ ସେମାନଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିଅଛ, ତୁମ୍ଭର ଏହି ବ୍ୟଭିଚାର କି କ୍ଷୁଦ୍ର ବିଷୟ ?
\v 22 ପୁଣି, ତୁମ୍ଭେ ଆପଣାର ସକଳ ଘୃଣାଯୋଗ୍ୟ ଓ ବ୍ୟଭିଚାର କ୍ରିୟା କରିବା ବେଳେ ଆପଣା ଯୌବନାବସ୍ଥାର ସମୟ, ଅର୍ଥାତ୍‍, ଯେଉଁ ସମୟରେ ତୁମ୍ଭେ ବିବସନା, ଉଲଙ୍ଗିନୀ ଥିଲ ଓ ନିଜ ରକ୍ତରେ ଛଟପଟ ହେଉଥିଲ, ସେହି ସମୟକୁ ସ୍ମରଣ କରି ନାହଁ।
\s5
\v 23 ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭକୁ ଧିକ୍‍ ଧିକ୍‍” ! ତୁମ୍ଭର ଏହିସବୁ ଦୁଷ୍ଟାଚରଣ ଉତ୍ତାରେ,
\v 24 ତୁମ୍ଭେ ପ୍ରତିମା ପୂଜା କରିବାକୁ ଆପଣା ନିମନ୍ତେ ମନ୍ଦିର ନିର୍ମାଣ କରିଅଛ ଓ ପ୍ରତ୍ୟେକ ଛକରେ ଉଚ୍ଚସ୍ଥଳୀ ନିର୍ମାଣ କରିଅଛ।
\s5
\v 25 ତୁମ୍ଭେ ପ୍ରତ୍ୟେକ ପଥ ମୁଣ୍ଡରେ ଉଚ୍ଚସ୍ଥଳୀ ପ୍ରସ୍ତୁତ କରିଅଛ ଓ ଆପଣାର ସୌନ୍ଦର୍ଯ୍ୟକୁ ଘୃଣାଯୋଗ୍ୟ କରିଅଛ ଓ ପ୍ରତ୍ୟେକ ପଥିକ ପାଇଁ ଆପଣାର ପାଦଦ୍ୱୟ ଅନାବୃତ କରିଅଛ, ଆଉ ଆପଣାର ବ୍ୟଭିଚାର କ୍ରିୟା ବଢ଼ାଇଅଛ।
\v 26 ଆହୁରି, ତୁମ୍ଭେ ଆପଣାର କାମୁକତା ପ୍ରତିବାସୀ, ମିସ୍ରୀୟମାନଙ୍କ ସହିତ ବ୍ୟଭିଚାର କରିଅଛ ଓ ଆମ୍ଭକୁ ବିରକ୍ତ କରିବା ପାଇଁ ଆପଣା ବ୍ୟଭିଚାର କ୍ରିୟା ବଢ଼ାଇଅଛ।
\s5
\v 27 ଏହେତୁ ଦେଖ, ଆମ୍ଭେ ତୁମ୍ଭ ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରି ତୁମ୍ଭର ଦୈନିକ ଖାଦ୍ୟ ଊଣା କରିଅଛୁ ଓ ଯେଉଁମାନେ ତୁମ୍ଭକୁ ଘୃଣା କରନ୍ତି, ତୁମ୍ଭ ଭ୍ରଷ୍ଟାଚରଣରେ ଲଜ୍ଜିତ ଅଟନ୍ତି, ସେହି ପଲେଷ୍ଟୀୟ କନ୍ୟାମାନଙ୍କ ଇଚ୍ଛାରେ ତୁମ୍ଭକୁ ସମର୍ପଣ କଲୁ।
\v 28 ତୁମ୍ଭେ ଅତୃପ୍ତ ହେବାରୁ ଅଶୂରୀୟମାନଙ୍କ ସହିତ ବ୍ୟଭିଚାର କରିଅଛ; ହଁ, ତୁମ୍ଭେ ସେମାନଙ୍କ ସଙ୍ଗେ ବ୍ୟଭିଚାର କଲେ ହେଁ ତୃପ୍ତା ହୋଇ ନାହଁ।
\v 29 ଆହୁରି, ତୁମ୍ଭେ କିଣାନ ଦେଶରେ କଲ୍‍ଦୀୟ ପର୍ଯ୍ୟନ୍ତ ଆପଣା ବ୍ୟଭିଚାର କ୍ରିୟା ବୃଦ୍ଧି କରିଅଛ; ପୁଣି, ତହିଁରେ ହେଁ ତୃପ୍ତା ହୋଇ ନାହଁ।
\s5
\v 30 ପ୍ରଭୁ, ସଦାପ୍ରଭୁ କହନ୍ତି, ତୁମ୍ଭର ହୃଦୟ କିପରି ଦୁର୍ବଳ, ଏଥିପାଇଁ ତୁମ୍ଭେ ସ୍ଵେଚ୍ଛାଚାରିଣୀ ବେଶ୍ୟା ସ୍ତ୍ରୀ ପରି ଏହିସବୁ କାର୍ଯ୍ୟ କରିଅଛ।”
\v 31 ତୁମ୍ଭେ ପ୍ରତ୍ୟେକ ପଥ ମୁଣ୍ଡରେ ଆପଣା ଉଚ୍ଚ ସ୍ଥାନ ନିର୍ମାଣ କରୁଅଛ ଓ ପ୍ରତ୍ୟେକ ଛକରେ ମଞ୍ଚ ପ୍ରସ୍ତୁତ କରୁଅଛ; ପୁଣି, ତୁମ୍ଭେ ବେଶ୍ୟା ପରି ନ ହୋଇ ଭଡ଼ା ତୁଚ୍ଛ କରିଅଛ।
\s5
\v 32 ତୁମ୍ଭେ ତ ବ୍ୟଭିଚାରିଣୀ ଭାର୍ଯ୍ୟା ! ତୁମ୍ଭେ ତ ଆପଣା ସ୍ୱାମୀ ବଦଳରେ ଅଜଣା ଲୋକଙ୍କୁ ଗ୍ରହଣ କରୁଅଛ।
\v 33 ଲୋକେ ବେଶ୍ୟାମାନଙ୍କୁ ଭଡ଼ା ଦିଅନ୍ତି; ମାତ୍ର ତୁମ୍ଭେ ଆପଣା ପ୍ରେମିକ ସମସ୍ତଙ୍କୁ ଭଡ଼ା ଦେଉଅଛ, ଆଉ ତୁମ୍ଭର ବେଶ୍ୟାବୃତ୍ତି କ୍ରମେ ସେମାନେ ଯେପରି ଚତୁର୍ଦ୍ଦିଗରୁ ତୁମ୍ଭ ନିକଟକୁ ଆସନ୍ତି, ଏଥିପାଇଁ ତୁମ୍ଭେ ସେମାନଙ୍କୁ ଲାଞ୍ଚ ଦେଉଅଛ।
\v 34 ପୁଣି, ଅନ୍ୟ ସ୍ତ୍ରୀମାନଙ୍କ ଅପେକ୍ଷା ତୁମ୍ଭ ବେଶ୍ୟାବୃତ୍ତିର ପ୍ରଭେଦ ଏହି ଯେ, ତୁମ୍ଭ ସଙ୍ଗେ ବ୍ୟଭିଚାର କରିବା ପାଇଁ କେହି ତୁମ୍ଭର ପଶ୍ଚାଦଗାମୀ ହୁଏ ନାହିଁ; ଆଉ, ତୁମ୍ଭେ ଭଡ଼ା ଦେଲେ ହେଁ ତୁମ୍ଭକୁ କିଛି ଭଡ଼ା ଦିଆଯାଏ ନାହିଁ, ଏଥିପାଇଁ ତୁମ୍ଭର କ୍ରିୟା ବିପରୀତ ଅଟେ।
\s5
\v 35 ଏହେତୁ ହେ ବେଶ୍ୟା, ସଦାପ୍ରଭୁଙ୍କର ବାକ୍ୟ ଶୁଣ;
\v 36 ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭର ଅଶୁଚିତା ଢଳା ଯାଇଅଛି ଓ ତୁମ୍ଭର ପ୍ରେମିକଗଣର ସଙ୍ଗେ ତୁମ୍ଭର ବ୍ୟଭିଚାର ହେତୁ ତୁମ୍ଭର ଉଲଙ୍ଗତା ଅନାବୃତ ହୋଇଅଛି, ଏଥିପାଇଁ, ପୁଣି, ତୁମ୍ଭର ଘୃଣାଯୋଗ୍ୟ ସକଳ ଦେବତାର ନିମନ୍ତେ ଓ ତୁମ୍ଭେ ସେମାନଙ୍କୁ ଆପଣା ସନ୍ତାନଗଣର ଯେଉଁ ରକ୍ତ ଦେଇଅଛ; ତହିଁ ସକାଶୁ;
\v 37 ଦେଖ, ତୁମ୍ଭେ ଯେଉଁମାନଙ୍କଠାରେ ସନ୍ତୋଷ ପାଇଅଛ, ତୁମ୍ଭର ସେହି ପ୍ରେମିକ ସମସ୍ତଙ୍କୁ, ଆଉ ଯେଉଁମାନଙ୍କୁ ତୁମ୍ଭେ ପ୍ରେମ କରିଅଛ ଓ ଯେଉଁମାନଙ୍କୁ ତୁମ୍ଭେ ଘୃଣା କରିଅଛ, ସେହି ସମସ୍ତଙ୍କୁ ଆମ୍ଭେ ଏକତ୍ର କରିବା; ଆମ୍ଭେ ତୁମ୍ଭ ବିରୁଦ୍ଧରେ ଚତୁର୍ଦ୍ଦିଗରୁ ସେମାନଙ୍କୁ ଏକତ୍ର କରି ସେମାନଙ୍କ ଆଗରେ ତୁମ୍ଭର ଉଲଙ୍ଗତା ଅନାବୃତ କରିବା, ତହିଁରେ ସେମାନେ ତୁମ୍ଭର ସମସ୍ତ ଉଲଙ୍ଗତା ଦେଖିବେ।
\s5
\v 38 ବିବାହ ନିୟମ ଲଘଂନକାରିଣୀ ଓ ରକ୍ତପାତ-କାରିଣୀ ସ୍ତ୍ରୀମାନେ ଯେରୂପ ବିଚାରିତା ହୁଅନ୍ତି, ସେରୂପ ଆମ୍ଭେ ତୁମ୍ଭର ବିଚାର କରିବା ଏବଂ କୋପ ଓ ଅନ୍ତର୍ଜ୍ୱାଳାର ରକ୍ତ ତୁମ୍ଭ ଉପରେ ଉପସ୍ଥିତ କରିବା।
\v 39 ଆମ୍ଭେ, ମଧ୍ୟ ତୁମ୍ଭକୁ ସେମାନଙ୍କ ହସ୍ତରେ ସମର୍ପଣ କରିବା, ତହିଁରେ ସେମାନେ ତୁମ୍ଭର ମନ୍ଦିର ସ୍ଥାନସବୁ ଭାଙ୍ଗି ପକାଇବେ ଓ ଉଚ୍ଚସ୍ଥଳୀସବୁ ଉତ୍ପାଟନ କରିବେ; ପୁଣି, ସେମାନେ ତୁମ୍ଭକୁ ବିବସନା କରି ତୁମ୍ଭର ସୁନ୍ଦର ଅଳଙ୍କାରସବୁ ହରଣ କରି ନେବେ; ଆଉ, ସେମାନେ ତୁମ୍ଭକୁ ବିବସନା ଓ ଉଲଙ୍ଗିନୀ କରି ଛାଡ଼ି ଦେବେ।
\s5
\v 40 ଆହୁରି, ସେମାନେ ତୁମ୍ଭ ବିରୁଦ୍ଧରେ ଏକ ସମାଜ ଆଣି ତୁମ୍ଭକୁ ପ୍ରସ୍ତରାଘାତ କରିବେ ଓ ଆପଣା ଆପଣା ଖଡ୍ଗରେ ତୁମ୍ଭକୁ ବିନ୍ଧିବେ।
\v 41 ପୁଣି, ସେମାନେ ତୁମ୍ଭର ଗୃହସବୁ ଅଗ୍ନିରେ ଦଗ୍ଧ କରିବେ ଓ ଅନେକ ସ୍ତ୍ରୀଲୋକଙ୍କ ସାକ୍ଷାତରେ ତୁମ୍ଭ ଉପରେ ଦଣ୍ଡାଜ୍ଞା ସଫଳ କରିବେ; ପୁଣି, ଆମ୍ଭେ ତୁମ୍ଭକୁ ବ୍ୟଭିଚାର କ୍ରିୟାରୁ ନିବୃତ୍ତ କରାଇବା, ତୁମ୍ଭେ ମଧ୍ୟ ଆଉ ଭଡ଼ା ଦେବ ନାହିଁ।
\v 42 ଏହିରୂପେ ତୁମ୍ଭ ପ୍ରତି ଆମ୍ଭର କୋପ ଶାନ୍ତ ହେବ, ତୁମ୍ଭଠାରୁ ଆମ୍ଭର ଅନ୍ତର୍ଜ୍ୱାଳା ଯିବ ଓ ଆମ୍ଭେ କ୍ଷାନ୍ତ ହୋଇ ଆଉ କ୍ରୋଧ କରିବା ନାହିଁ।
\s5
\v 43 ତୁମ୍ଭେ ଆପଣା ଯୌବନାବସ୍ଥା ସ୍ମରଣ କରି ନାହଁ, ମାତ୍ର ଏହିସବୁ ବିଷୟରେ ଆମ୍ଭକୁ ବିରକ୍ତ କରିଅଛ” , ଏହେତୁ ଦେଖ, ପ୍ରଭୁ, ସଦାପ୍ରଭୁ କହନ୍ତି, ଆମ୍ଭେ ହିଁ ତୁମ୍ଭ କାର୍ଯ୍ୟର ଫଳ ତୁମ୍ଭ ମସ୍ତକରେ ବର୍ତ୍ତାଇବା, ତହିଁରେ ତୁମ୍ଭେ ଆପଣାର ସକଳ ଘୃଣାଯୋଗ୍ୟ କ୍ରିୟା ଉପରେ ଏପ୍ରକାର ଭ୍ରଷ୍ଟାଚରଣ କରିବ ନାହିଁ।
\s5
\v 44 ଦେଖ, ଯେକେହି ପ୍ରବାଦ ବ୍ୟବହାର କରେ, ସେ ତୁମ୍ଭ ବିରୁଦ୍ଧରେ ଏହି ପ୍ରବାଦ ବ୍ୟବହାର କରିବ ଯଥା; ମାତା ଯେସନ, କନ୍ୟା ତେସନ।
\v 45 ତୁମ୍ଭେ ଆପଣା ମାତାର କନ୍ୟା, ସେ ଆପଣା ସ୍ୱାମୀକୁ ଓ ସନ୍ତାନମାନଙ୍କୁ ଘୃଣା କରେ; ତୁମ୍ଭେ ନିଜ ଭଗିନୀଗଣର ଭଗିନୀ, ସେମାନେ ଆପଣା ଆପଣା ସ୍ୱାମୀକୁ ଓ ସନ୍ତାନଗଣକୁ ଘୃଣା କଲେ; ତୁମ୍ଭମାନଙ୍କର ମାତା ଜଣେ ହିତ୍ତୀୟା ଓ ତୁମ୍ଭମାନଙ୍କର ପିତା ଜଣେ ଇମୋରୀୟ ଥିଲା।
\s5
\v 46 ପୁଣି, ଶମରୀୟା ତୁମ୍ଭର ବଡ଼ ଭଗିନୀ, ସେ ଆପଣା କନ୍ୟାଗଣ ସହିତ ତୁମ୍ଭର ଉତ୍ତର ଦିଗରେ ବାସ କରେ; ଆଉ, ସଦୋମ ତୁମ୍ଭର ସାନ ଭଗିନୀ, ସେ ଓ ତାହାର କନ୍ୟାଗଣ ତୁମ୍ଭର ଦକ୍ଷିଣ ଦିଗରେ ବାସ କରନ୍ତି।
\s5
\v 47 ତଥାପି ତୁମ୍ଭେ ସେମାନଙ୍କ ପଥରେ ଗମନ କରି ନାହଁ, କିଅବା ସେମାନଙ୍କର ଘୃଣାଯୋଗ୍ୟ କ୍ରିୟାନୁସାରେ କର୍ମ କରି ନାହଁ; ମାତ୍ର ତାହା ଅତି କ୍ଷୁଦ୍ର ଥିଲା ପରି ମନେକରି, ତୁମ୍ଭେ ଆପଣାର ସମସ୍ତ ଆଚାର ବ୍ୟବହାରରେ ସେମାନଙ୍କ ଅପେକ୍ଷା ଅଧିକ ଭ୍ରଷ୍ଟା ହୋଇଅଛ।
\v 48 ପ୍ରଭୁ, ସଦାପ୍ରଭୁ କହନ୍ତି, “ଆମ୍ଭେ ଜୀବିତ ଥିବା ପ୍ରମାଣେ କହୁଅଛୁ, ତୁମ୍ଭର ଭଗିନୀ ସଦୋମ, ତାହାର କନ୍ୟାଗଣ ତୁମ୍ଭ ପରି ଓ ତୁମ୍ଭ କନ୍ୟାଗଣ ପରି କର୍ମ କରି ନାହାନ୍ତି।
\s5
\v 49 ଦେଖ, ତୁମ୍ଭ ଭଗିନୀ ସଦୋମର ଏହି ଅଧର୍ମ ଥିଲା; ତାହାର ଓ ତାହାର କନ୍ୟାଗଣର ଅହଙ୍କାର, ଭକ୍ଷ୍ୟର ପୂର୍ଣ୍ଣତା ଓ ସମୃଦ୍ଧି ଜନିତ ଶାନ୍ତି ଥିଲା, ସେ ଦରିଦ୍ର ଓ ଦୀନହୀନଙ୍କର ହସ୍ତ ସବଳ କଲା ନାହିଁ।
\v 50 ପୁଣି, ସେମାନେ ଅହଙ୍କାରିଣୀ ଥିଲେ ଓ ଆମ୍ଭ ସମ୍ମୁଖରେ ଘୃଣାଯୋଗ୍ୟ କ୍ରିୟା କଲେ; ଏହେତୁ ଆମ୍ଭକୁ ଯେପରି ଭଲ ଦିଶିଲା, ସେହିପରି ଆମ୍ଭେ ସେମାନଙ୍କୁ ଦୂର କଲୁ।
\s5
\v 51 ପୁଣି, ଶମରୀୟା ତୁମ୍ଭ ପାପର ଅର୍ଦ୍ଧେକ ପାପ କରି ନାହିଁ; ମାତ୍ର ତୁମ୍ଭେ ସେମାନଙ୍କ ଅପେକ୍ଷା ଆପଣା ଘୃଣାଯୋଗ୍ୟ କ୍ରିୟା ଅଧିକ ବଢ଼ାଇଅଛ ଓ ଆପଣାର କୃତ ସକଳ ଘୃଣାଯୋଗ୍ୟ କ୍ରିୟା ଦ୍ୱାରା ତୁମ୍ଭେ ଆପଣା ଭଗିନୀଗଣକୁ ଧାର୍ମିକ ପରି କରିଅଛ।
\v 52 ତୁମ୍ଭେ ଆପଣା ଭଗିନୀଗଣର ପକ୍ଷରେ ବିଚାର ନିଷ୍ପତ୍ତି କରିବାରୁ ଆପଣା ଅପମାନ ଆପେ ଭୋଗ କର; ସେମାନଙ୍କ ଅପେକ୍ଷା ତୁମ୍ଭର କୃତ ଅଧିକ ଘୃଣାଯୋଗ୍ୟ ପାପସମୂହ ଦ୍ୱାରା ସେମାନେ ତୁମ୍ଭ ଅପେକ୍ଷା ଧାର୍ମିକ ହୋଇଅଛନ୍ତି; ହଁ, ତୁମ୍ଭେ ଆପଣା ଭଗିନୀଗଣକୁ ଧାର୍ମିକ କରିଅଛ, ଏଥିପାଇଁ ତୁମ୍ଭେ ମଧ୍ୟ ଲଜ୍ଜିତ ହୁଅ ଓ ଆପଣା ଅପମାନ ଭୋଗ କର।
\s5
\v 53 ପୁଣି, ଆମ୍ଭେ ସେମାନଙ୍କର ବନ୍ଦୀତ୍ୱାବସ୍ଥା, ଅର୍ଥାତ୍‍, ସଦୋମ ଓ ତାହାର କନ୍ୟାଗଣର ବନ୍ଦୀତ୍ୱାବସ୍ଥା, ଶମରୀୟା ଓ ତାହାର କନ୍ୟାଗଣର ବନ୍ଦୀତ୍ୱାବସ୍ଥା, ପୁଣି, ସେମାନଙ୍କ ମଧ୍ୟବର୍ତ୍ତୀ ତୁମ୍ଭର ବନ୍ଦୀଗଣର ବନ୍ଦୀତ୍ୱାବସ୍ଥା ପରିବର୍ତ୍ତନ କରିବା;
\v 54 ତହିଁରେ ତୁମ୍ଭେ ଆପଣା ଅପମାନ ଭୋଗ କରିବ ଓ ସେମାନଙ୍କ ପ୍ରତି ସାନ୍ତ୍ୱନା ସ୍ୱରୂପ ହୋଇ ଯାହା ଯାହା କରିଅଛ, ସେହିସବୁ ସକାଶୁ ଲଜ୍ଜିତ ହେବ।
\v 55 ପୁଣି, ତୁମ୍ଭର ଭଗିନୀଗଣ, ଅର୍ଥାତ୍‍, ସଦୋମ ଓ ତାହାର କନ୍ୟାଗଣ ସେମାନଙ୍କର ପୂର୍ବ ଦଶା ପ୍ରାପ୍ତ ହେବେ, ଶମରୀୟା ଓ ତାହାର କନ୍ୟାଗଣ ସେମାନଙ୍କର ପୂର୍ବ ଦଶା ପ୍ରାପ୍ତ ହେବେ, ଆଉ ତୁମ୍ଭେ ଓ ତୁମ୍ଭର କନ୍ୟାଗଣ ତୁମ୍ଭମାନଙ୍କର ପୂର୍ବ ଦଶା ପ୍ରାପ୍ତ ହେବ।
\s5
\v 56 କାରଣ ତୁମ୍ଭର ଆତ୍ମପ୍ରଶଂସାର ସମୟରେ ତୁମ୍ଭେ ଆପଣା ଭଗିନୀ ସଦୋମର ନାମ ମୁଖରେ ଆଣି ନ ଥିଲ।
\v 57 ସେହି ସମୟରେ ତୁମ୍ଭର ଦୁଷ୍ଟତା ପ୍ରକାଶ ପାଇ ନ ଥିଲା, ପାଇଲା ଉତ୍ତାରେ ତୁମ୍ଭର ତୁଚ୍ଛକାରିଣୀ ଅରାମର କନ୍ୟାଗଣ ଓ ତାହାର ଚତୁର୍ଦ୍ଦିଗ ନିବାସିନୀ ସମସ୍ତେ, ପଲେଷ୍ଟୀୟମାନଙ୍କର କନ୍ୟାଗଣ ଚାରି ଦିଗରେ ତୁମ୍ଭର ଅପମାନ କଲେ।
\v 58 ସଦାପ୍ରଭୁ କହନ୍ତି, “ତୁମ୍ଭେ ଆପଣା ବ୍ୟଭିଚାର ଓ ଘୃଣାଯୋଗ୍ୟ କ୍ରିୟାର ଭାର ବହନ କରିଅଛ।”
\s ଅନନ୍ତକାଳୀନ ଚୁକ୍ତି
\p
\s5
\v 59 କାରଣ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭେ ଶପଥ ଅବଜ୍ଞା କରି ନିୟମ ଯେପରି ଭଗ୍ନ କରିଅଛ, ଆମ୍ଭେ ତୁମ୍ଭ ପ୍ରତି ସେହିରୂପ ବ୍ୟବହାର କରିବା।
\s5
\v 60 ତଥାପି ତୁମ୍ଭ ଯୌବନାବସ୍ଥାରେ ତୁମ୍ଭ ସହିତ ଆମ୍ଭ କୃତ ନିୟମ ଆମ୍ଭେ ସ୍ମରଣ କରିବା ଓ ତୁମ୍ଭ ପକ୍ଷରେ ଆମ୍ଭେ ଅନନ୍ତକାଳସ୍ଥାୟୀ ଏକ ନିୟମ ସ୍ଥାପନ କରିବା।
\v 61 ସେହି ସମୟରେ ଯେତେବେଳେ ତୁମ୍ଭେ ଆପଣା ଭଗିନୀଗଣକୁ, ତୁମ୍ଭର ବଡ଼ ଓ ସାନ ଭଗିନୀଗଣକୁ ଗ୍ରହଣ କରିବ, ସେତେବେଳେ ତୁମ୍ଭେ ଆପଣା ଆଚାର ବ୍ୟବହାର ସ୍ମରଣ କରି ଲଜ୍ଜିତ ହେବ; ଆଉ, ଆମ୍ଭେ ସେମାନଙ୍କୁ କନ୍ୟା ରୂପେ ତୁମ୍ଭକୁ ଦେବା, ମାତ୍ର ତୁମ୍ଭର ନିୟମାନୁକ୍ରମେ ନୁହେଁ।
\s5
\v 62 ପୁଣି, ଆମ୍ଭେ ତୁମ୍ଭ ସହିତ ଆପଣା ନିୟମ ସ୍ଥିର କରିବା; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେ ଜାଣିବ।
\v 63 ତୁମ୍ଭେ ଯାହା ଯାହା କରିଅଛ, ତୁମ୍ଭର ସେହି ସବୁ ଯେତେବେଳେ ଆମ୍ଭେ କ୍ଷମା କରିବା, ସେତେବେଳେ ତୁମ୍ଭେ ସ୍ମରଣ କରି ଲଜ୍ଜିତ ହେବ ଓ ନିଜ ଅପମାନ ହେତୁ ଆଉ କେବେ ଆପଣା ମୁଖ ଫିଟାଇବ ନାହିଁ।” ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।
\s5
\c 17
\s ଉତ୍କ୍ରୋଶ ପକ୍ଷୀ ଓ ଦ୍ରାକ୍ଷାଲତାର ଏକ ଦୃଷ୍ଟାନ୍ତ
\p
\v 1 ଏଥିଉତ୍ତାରେ ସଦାପ୍ରଭୁଙ୍କର ଏହି ବାକ୍ୟ ମୋ’ ନିକଟରେ ଉପସ୍ଥିତ ହେଲା,
\v 2 “ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଇସ୍ରାଏଲ ବଂଶ ନିକଟରେ ଗୋଟିଏ ପ୍ରହେଳିକା ଉତ୍‍ଥାପନ କର ଓ ଏକ ଦୃଷ୍ଟାନ୍ତ କଥା କୁହ;
\v 3 ତୁମ୍ଭେ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ଗୋଟିଏ ବଡ଼ ଉତ୍କ୍ରୋଶ ପକ୍ଷୀର ପକ୍ଷ ଥିଲା, ତାହାର ପକ୍ଷ ବଡ଼, ଡେଣା ଦୀର୍ଘ ଓ ଚିତ୍ରବିଚିତ୍ର ଲୋମରେ ପରିପୂର୍ଣ୍ଣ, ସେ ଲିବାନୋନକୁ ଆସି ଏରସ ବୃକ୍ଷର ଅଗ୍ରଭାଗ ନେଇଗଲା:
\v 4 ସେ ତହିଁର ସାନ ସାନ ପଲ୍ଲବର ଉଚ୍ଚତମ ପଲ୍ଲବ କାଟି ବାଣିଜ୍ୟ ଦେଶକୁ ନେଇ ବଣିକମାନଙ୍କର ଗୋଟିଏ ନଗରରେ ରଖିଲା।
\s5
\v 5 ଆହୁରି, ସେ ଦେଶର ବୀଜ ନେଇ ଏକ ଉର୍ବର ଭୂମିରେ ତାହା ରୋପଣ କଲା; ସେ ଜଳରାଶିର ନିକଟରେ ବାଇଶୀ ବୃକ୍ଷ ତୁଲ୍ୟ ତାହା ରୋପଣ କଲା।
\v 6 ତହୁଁ ତାହା ବଢ଼ି ଅଳ୍ପ ଉଚ୍ଚ ଦ୍ରାକ୍ଷାଲତା ପରି ବଢ଼ିଲା, ତହିଁର ଶାଖାସବୁ ତାହାର ସମ୍ମୁଖ ହେଲା ଓ ତହିଁର ମୂଳ ତାହାର ତଳେ ରହିଲା; ଏହି ପ୍ରକାରେ ତାହା ଦ୍ରାକ୍ଷାଲତା ହୋଇ ଶାଖାବିଶିଷ୍ଟ ଓ ପଲ୍ଲବିତ ହେଲା।
\s5
\v 7 ପୁଣି, ଆଉ ଗୋଟିଏ ବଡ଼ ବଡ଼ ପକ୍ଷ ଓ ଅନେକ ଲୋମବିଶିଷ୍ଟ ବୃହତ ଉତ୍କ୍ରୋଶ ପକ୍ଷୀ ଥିଲା; ଆଉ ଦେଖ, ସେହି ଦ୍ରାକ୍ଷାଲତା ଜଳରେ ସେଚିତ ହେବା ପାଇଁ ଆପଣା ରୋପିତ ହେବା କିଆରିରୁ ତାହାର ପ୍ରତି ଆପଣା ମୂଳ ବକ୍ର କରି ଶାଖା ବିସ୍ତାର କଲା।
\v 8 ତାହା ଯେପରି ଶାଖାବିଶିଷ୍ଟ ଓ ଫଳବତୀ ହୋଇ ଉତ୍ତମ ଦ୍ରାକ୍ଷାଲତା ହେବ, ଏଥିପାଇଁ ତାହା ଜଳରାଶିର ନିକଟସ୍ଥ ଉର୍ବର ଭୂମିରେ ରୋପିତ ହୋଇଥିଲା।
\s5
\v 9 ତୁମ୍ଭେ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ତାହା କି କୃତକାର୍ଯ୍ୟ ହେବ ? ତାହା ଯେପରି ଶୁଷ୍କ ହେବ, ଏଥିପାଇଁ ସେ କି ତହିଁର ମୂଳ ଉପାଡ଼ି ତହିଁର ଫଳ କାଟି ପକାଇବ ନାହିଁ ? ମହାପରାକ୍ରମ ଓ ଅନେକ ଲୋକ ବିହୁନେ ହିଁ ତହିଁର ମୂଳ ଉତ୍ପାଟିତ ହୋଇ ତହିଁର ଅଙ୍କୁରିତ ନବୀନ ପତ୍ରସବୁ କି ମ୍ଳାନ ହେବ ନାହିଁ ?”
\v 10 ହଁ, ଦେଖ, ରୋପିତ ହୋଇଅଛି ବୋଲି ତାହା କି କୃତକାର୍ଯ୍ୟ ହେବ ? ପୂର୍ବୀୟ ବାୟୁ ସ୍ପର୍ଶ କଲେ ତାହା କି ସମ୍ପୂର୍ଣ୍ଣ ରୂପେ ଶୁଷ୍କ ହୋଇ ନ ଯିବ ? ବଢ଼ିବା କିଆରିରେ ତାହା ଶୁଷ୍କ ହୋଇଯିବ।
\s5
\v 11 ଆହୁରି, ସଦାପ୍ରଭୁଙ୍କର ବାକ୍ୟ ମୋ’ ନିକଟରେ ଉପସ୍ଥିତ ହେଲା,
\v 12 “ତୁମ୍ଭେ ସେହି ବିଦ୍ରୋହୀ-ବଂଶକୁ କୁହ, ତୁମ୍ଭେମାନେ କି ଏହିସବୁର ତାତ୍ପର୍ଯ୍ୟ ଜାଣ ନାହିଁ ? ସେମାନଙ୍କୁ କୁହ, ଦେଖ, ବାବିଲର ରାଜା ଯିରୂଶାଲମକୁ ଆସି ତହିଁର ରାଜାକୁ ଓ ତହିଁର ଅଧିପତିଗଣକୁ ଆପଣାର ନିକଟକୁ ବାବିଲକୁ ନେଇ ଗଲା;
\s5
\v 13 ପୁଣି, ରାଜ୍ୟ ଯେପରି ଅବନତ ହୋଇ ଆଉ ଉନ୍ନତ ନୋହିବ, ମାତ୍ର ତାହାର ନିୟମ ପାଳନ କରି ଯେପରି ସ୍ଥିର ହେବ, ଏଥିପାଇଁ
\v 14 ସେ ରାଜବଂଶରୁ ଗୋଟିଏ ବୀଜ ନେଇ ତାହା ସଙ୍ଗେ ନିୟମ କଲା, ମଧ୍ୟ ତାହାକୁ ଶପଥାଧୀନ କଲା ଓ ଦେଶର ପରାକ୍ରମୀ ଲୋକମାନଙ୍କୁ ନେଇଗଲା।
\s5
\v 15 ମାତ୍ର ସେ ଅଶ୍ୱଗଣ ଓ ଅନେକ ଲୋକ ପାଇବା ନିମନ୍ତେ ମିସରକୁ ଆପଣା ଦୂତଗଣ ପଠାଇ ବାବିଲ ରାଜାର ବିଦ୍ରୋହୀ ହେଲା। ସେ କି କୃତକାର୍ଯ୍ୟ ହେବ ? ଯେ ଏପରି କାର୍ଯ୍ୟ କରେ, ସେ କି ରକ୍ଷା ପାଇବ ? ସେ ନିୟମ ଲଙ୍ଘନ କରି କି ରକ୍ଷା ପାଇବ ?
\v 16 ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ଆମ୍ଭେ ଜୀବିତ ଥିବା ପ୍ରମାଣେ ଯେଉଁ ରାଜା ତାହାକୁ ରାଜା କଲା, ଯାହାର ଶପଥ ସେ ତୁଚ୍ଛ କଲା ଓ ଯାହାର ନିୟମ ସେ ଭାଙ୍ଗିଲା, ସେହି ରାଜାର ବାସସ୍ଥାନ ବାବିଲ ମଧ୍ୟରେ ଓ ତାହାର ନିକଟରେ, ସେ ନିଶ୍ଚୟ ମରିବ।
\s5
\v 17 ପୁଣି, ଅନେକ ଲୋକଙ୍କୁ ଉଚ୍ଛିନ୍ନ କରିବା ପାଇଁ ସେମାନେ ଯେତେବେଳେ ବନ୍ଧ ବାନ୍ଧିବେ ଓ ଗଡ଼ ନିର୍ମାଣ କରିବେ, ସେତେବେଳେ ଫାରୋ ଆପଣାର ପରାକ୍ରାନ୍ତ ସୈନ୍ୟସାମନ୍ତ ଓ ମହାସୈନ୍ୟଦଳ ଦ୍ୱାରା ଯୁଦ୍ଧରେ ତାହାର ସାହାଯ୍ୟ କରିବ ନାହିଁ।
\v 18 କାରଣ, ସେ ନିୟମ ଭଗ୍ନ କରି ଶପଥ ତୁଚ୍ଛ କରିଅଛି ଓ ଦେଖ, ସେ ଆପଣା ହସ୍ତ ଦେଲେ ହେଁ ଏହିସବୁ କାର୍ଯ୍ୟ କରିଅଛି; ସେ ରକ୍ଷା ପାଇବ ନାହିଁ।
\s5
\v 19 ଏହେତୁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ସେ ଆମ୍ଭର ଯେଉଁ ଶପଥ ତୁଚ୍ଛ କରିଅଛି ଓ ଆମ୍ଭର ଯେଉଁ ନିୟମ ଭଙ୍ଗ କରିଅଛି, ଆମ୍ଭେ ଜୀବିତ ଥିବା ପ୍ରମାଣେ ନିଶ୍ଚୟ ତହିଁର ପ୍ରତିଫଳ ତାହାର ମସ୍ତକରେ ବର୍ତ୍ତାଇବା।
\v 20 ପୁଣି, ଆମ୍ଭେ ଆପଣା ଜାଲ ତାହା ଉପରେ ପ୍ରସାରିବା ଓ ସେ ଆମ୍ଭ ଫାନ୍ଦରେ ଧରାଯିବ, ଆଉ ଆମ୍ଭେ ତାହାକୁ ବାବିଲକୁ ନେଇଯିବା ଓ ସେ ଆମ୍ଭ ବିରୁଦ୍ଧରେ ଯେଉଁ ସତ୍ୟ-ଲଙ୍ଘନ ଅପରାଧ କରିଅଛି, ତହିଁ ସକାଶୁ ସେହି ସ୍ଥାନରେ ଆମ୍ଭେ ତାହାର ବିଚାର କରିବା।
\v 21 ପୁଣି, ତାହାର ସକଳ ସୈନ୍ୟଦଳ ମଧ୍ୟରୁ ପଳାତକ ସମସ୍ତେ ଖଡ୍ଗରେ ପତିତ ହେବେ ଓ ଅବଶିଷ୍ଟ ଥିବା ଲୋକମାନେ ଚତୁର୍ଦ୍ଦିଗରେ ଛିନ୍ନଭିନ୍ନ ହେବେ; ତହିଁରେ ତୁମ୍ଭେମାନେ ଜାଣିବ ଯେ, ଆମ୍ଭେ ସଦାପ୍ରଭୁ ଏହି କଥା କହିଅଛୁ।”
\s5
\v 22 ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ଆମ୍ଭେ ଏରସ ବୃକ୍ଷର ଉଚ୍ଚ ଅଗ୍ରଭାଗ ନେଇ ତାହା ସ୍ଥାପନ କରିବା; ଆମ୍ଭେ ତାହାର ଉଚ୍ଚତମ ପଲ୍ଲବମାନର ମଧ୍ୟରୁ ଗୋଟିଏ କୋମଳ ପଲ୍ଲବ କାଟି ନେଇ ଏକ ଉଚ୍ଚ ଓ ଉନ୍ନତ ପର୍ବତରେ ରୋପଣ କରିବା;
\v 23 ଇସ୍ରାଏଲର ଉଚ୍ଚତମ ପର୍ବତରେ ଆମ୍ଭେ ତାହା ରୋପଣ କରିବା, ତହିଁରେ ତାହା ଶାଖାବିଶିଷ୍ଟ ଓ ଫଳବାନ ହୋଇ ଉତ୍ତମ ଏରସ ବୃକ୍ଷ ହେବ; ତହିଁର ତଳେ ସର୍ବଜାତୀୟ ପକ୍ଷୀ ବାସ କରିବେ; ସେମାନେ ତହିଁର ଶାଖାମାନର ଛାୟାରେ ବାସ କରିବେ।
\s5
\v 24 ତହିଁରେ ଆମ୍ଭେ ସଦାପ୍ରଭୁ ଯେ ଉଚ୍ଚ ବୃକ୍ଷକୁ ନୀଚ କରିଅଛୁ ଓ ନୀଚ ବୃକ୍ଷକୁ ଉଚ୍ଚ କରିଅଛୁ, ସତେଜ ବୃକ୍ଷକୁ ଶୁଷ୍କ କରିଅଛୁ ଓ ଶୁଷ୍କ ବୃକ୍ଷକୁ ସତେଜ କରିଅଛୁ, ଏହା କ୍ଷେତ୍ରସ୍ଥ ଯାବତୀୟ ବୃକ୍ଷ ଜାଣିବେ; ଆମ୍ଭେ ସଦାପ୍ରଭୁ ଏହା କହିଅଛୁ ଓ ସିଦ୍ଧ କରିଅଛୁ।
\s5
\c 18
\s ପାପର ବ୍ୟକ୍ତିଗତ ପରିଣାମ
\p
\v 1 ସଦାପ୍ରଭୁଙ୍କର ବାକ୍ୟ ପୁନର୍ବାର ମୋ’ ନିକଟରେ ଉପସ୍ଥିତ ହେଲା,
\v 2 “ପିତାମାତା ଅମ୍ଳ ଦ୍ରାକ୍ଷାଫଳ ଖାଇଲେ, ସନ୍ତାନଗଣର ଦନ୍ତ ଖଟା ହୋଇଅଛି, ଏହି ଯେଉଁ ପ୍ରବାଦ ତୁମ୍ଭେମାନେ ଇସ୍ରାଏଲ ଦେଶ ବିଷୟରେ କହୁଅଛ, ଏଥିରେ ତୁମ୍ଭମାନଙ୍କର ଅଭିପ୍ରାୟ କି ?
\s5
\v 3 “ପ୍ରଭୁ, ସଦାପ୍ରଭୁ କହନ୍ତି, ଆମ୍ଭେ ଜୀବିତ ଥିବା ପ୍ରମାଣେ ତୁମ୍ଭେମାନେ ଇସ୍ରାଏଲ ମଧ୍ୟରେ ଏହି ପ୍ରବାଦ କହିବାର କାରଣ ଆଉ ପାଇବ ନାହିଁ।”
\v 4 ଦେଖ, ଯାବତୀୟ ପ୍ରାଣ ଆମ୍ଭର; ପିତାର ପ୍ରାଣ ଯେପରି, ପୁତ୍ରର ପ୍ରାଣ ହିଁ ସେହିପରି ଆମ୍ଭର; ଯେଉଁ ପ୍ରାଣୀ ପାପ କରେ, ସେହି ମରିବ।
\s5
\v 5 ମାତ୍ର ଯଦି ମନୁଷ୍ୟ ଧାର୍ମିକ ହୁଏ, ନ୍ୟାୟ ଓ ଧର୍ମାଚରଣ କରେ,
\v 6 ପୁଣି, ଯେ ପର୍ବତଗଣର ଉପରେ ଭୋଜନ କିଅବା ଇସ୍ରାଏଲ ବଂଶର ପ୍ରତିମାଗଣ ପ୍ରତି ଦୃଷ୍ଟିପାତ କରି ନାହିଁ, ଅଥବା ଆପଣା ପ୍ରତିବାସୀର ଭାର୍ଯ୍ୟାକୁ ଭ୍ରଷ୍ଟ କରି ନାହିଁ, କିଅବା ଋତୁମତୀ ସ୍ତ୍ରୀର ନିକଟକୁ ଆସି ନାହିଁ;
\s5
\v 7 ପୁଣି, ଯେ କାହାରି ପ୍ରତି ଅନ୍ୟାୟ କରି ନାହିଁ, ମାତ୍ର ଋଣୀକୁ ତାହାର ବନ୍ଧକି ଦ୍ରବ୍ୟ ଫେରାଇ ଦେଇଅଛି, ଉପଦ୍ରବ କରି କାହାରି କିଛି ଅପହରଣ କରି ନାହିଁ, ଆପଣାର ଭକ୍ଷ୍ୟ କ୍ଷୁଧିତକୁ ଦେଇଅଛି ଓ ଉଲଙ୍ଗକୁ ବସ୍ତ୍ର ପିନ୍ଧାଇଅଛି;
\v 8 ଯେ ସୁଧ ପାଇଁ ଋଣ ଦେଇ ନାହିଁ, କିଅବା କିଛି ବୃଦ୍ଧି ନେଇ ନାହିଁ, ଯେ ଅଧର୍ମରୁ ଆପଣା ହସ୍ତ ଫେରାଇଅଛି, ମନୁଷ୍ୟ ମନୁଷ୍ୟର ମଧ୍ୟରେ ଯଥାର୍ଥ ବିଚାର କରିଅଛି,
\v 9 ଆମ୍ଭର ବିଧିମତେ ଆଚରଣ କରିଅଛି ଓ ସତ୍ୟ ବ୍ୟବହାର କରିବା ନିମନ୍ତେ ଆମ୍ଭର ଶାସନସକଳ ପାଳନ କରିଅଛି, ସେହି ଲୋକ ଧାର୍ମିକ, ପ୍ରଭୁ, ସଦାପ୍ରଭୁ କହନ୍ତି, ସେ ଅବଶ୍ୟ ବଞ୍ଚିବ।”
\s5
\v 10 ଯଦି ସେହି ଲୋକର ପୁତ୍ର ଡକାଇତ ଓ ରକ୍ତପାତକାରୀ ହୁଏ, ଆଉ ଏଥିମଧ୍ୟରୁ କୌଣସି କାର୍ଯ୍ୟ କରେ
\v 11 ଓ ସେହିସବୁ କର୍ତ୍ତବ୍ୟ କର୍ମ ମଧ୍ୟରୁ କୌଣସି କର୍ତ୍ତବ୍ୟ କର୍ମ ନ କରେ, ମାତ୍ର ଯେ ପର୍ବତଗଣର ଉପରେ ଭୋଜନ କରିଅଛି ଓ ଆପଣା ପ୍ରତିବାସୀର ଭାର୍ଯ୍ୟାକୁ ଭ୍ରଷ୍ଟ କରିଅଛି,
\s5
\v 12 ଦରିଦ୍ର ଦୀନହୀନର ପ୍ରତି ଅନ୍ୟାୟ କରିଅଛି, ଦୌରାତ୍ମ୍ୟ ଦ୍ୱାରା ଅପହରଣ କରିଅଛି, ବନ୍ଧକି ଦ୍ରବ୍ୟ ଫେରାଇ ଦେଇ ନାହିଁ ଓ ପ୍ରତିମାଗଣ ପ୍ରତି ଦୃଷ୍ଟିପାତ କରିଅଛି,
\v 13 ଘୃଣାଯୋଗ୍ୟ କ୍ରିୟା କରିଅଛି, ସୁଧ ପାଇଁ ଋଣ ଦେଇଅଛି ଓ ବୃଦ୍ଧି ଗ୍ରହଣ କରିଅଛି, ସେ କି ବଞ୍ଚିବ ? ସେ ବଞ୍ଚିବ ନାହିଁ, ସେ ଏହିସବୁ ଘୃଣାଯୋଗ୍ୟ କ୍ରିୟା କରିଅଛି; ସେ ନିଶ୍ଚୟ ମରିବ, ତାହାର ରକ୍ତ ତାହାର ଉପରେ ବର୍ତ୍ତିବ।
\s5
\v 14 ଆହୁରି ଦେଖ, ଯଦି ସେହି ଲୋକର ପୁତ୍ର ଆପଣା ପିତାର କୃତ ପାପସକଳ ଦେଖେ ଓ ଭୟ କରି ସେହିପରି କାର୍ଯ୍ୟ ନ କରେ,
\v 15 ଯେ ପର୍ବତଗଣ ଉପରେ ଭୋଜନ କରି ନାହିଁ କିଅବା ଇସ୍ରାଏଲ ବଂଶର ପ୍ରତିମାଗଣ ପ୍ରତି ଦୃଷ୍ଟିପାତ କରି ନାହିଁ, ଆପଣା ପ୍ରତିବାସୀର ଭାର୍ଯ୍ୟାକୁ ଭ୍ରଷ୍ଟ କରି ନାହିଁ,
\s5
\v 16 କିଅବା କାହାରି ପ୍ରତି ଅନ୍ୟାୟ କରି ନାହିଁ, କୌଣସି ବନ୍ଧକି ଦ୍ରବ୍ୟ ଗ୍ରହଣ କରି ନାହିଁ, କିଅବା ଦୌରାତ୍ମ୍ୟ ଦ୍ୱାରା ଅପହରଣ କରି ନାହିଁ, ମାତ୍ର କ୍ଷୁଧିତକୁ ଆପଣା ଭକ୍ଷ୍ୟ ଦେଇଅଛି ଓ ଉଲଙ୍ଗକୁ ବସ୍ତ୍ର ପିନ୍ଧାଇଅଛି,
\v 17 ଯେ ଦରିଦ୍ର ପ୍ରତି ଉପଦ୍ରବରୁ ଆପଣା ହସ୍ତ ଫେରାଇଅଛି, ସୁଧ କି ବୃଦ୍ଧି ଗ୍ରହଣ କରି ନାହିଁ, ଆମ୍ଭର ଶାସନସକଳ ପାଳନ କରିଅଛି, ଆମ୍ଭ ବିଧି ଅନୁଯାୟୀ ଆଚରଣ କରିଅଛି; ସେ ଆପଣା ପିତାର ଅଧର୍ମ ସକାଶୁ ମରିବ ନାହିଁ, ସେ ନିଶ୍ଚୟ ବଞ୍ଚିବ।
\s5
\v 18 ମାତ୍ର ତାହାର ପିତା ନିର୍ଦ୍ଦୟ ଭାବରେ ଉପଦ୍ରବ କଲା, ଦୌରାତ୍ମ୍ୟ ଦ୍ୱାରା ଆପଣା ଭ୍ରାତାର ଦ୍ରବ୍ୟ ଅପହରଣ କଲା ଓ ଆପଣା ଲୋକମାନଙ୍କ ମଧ୍ୟରେ ଅନୁଚିତ କାର୍ଯ୍ୟ କଲା, ଏଥିପାଇଁ ଦେଖ, ସେ ଆପଣା ଅଧର୍ମରେ ମରିବ।
\s5
\v 19 ତଥାପି ତୁମ୍ଭେମାନେ କହୁଅଛ, କାହିଁକି ପୁତ୍ର ପିତାର ଅଧର୍ମର ଭାର ବହେ ନାହିଁ ? ପୁତ୍ର ଯଦି ନ୍ୟାୟ ଓ ଧର୍ମାଚରଣ କରିଅଛି, ଆମ୍ଭର ବିଧିସକଳ ରକ୍ଷା କରି ପାଳନ କରିଅଛି, ତେବେ ସେ ନିଶ୍ଚୟ ବଞ୍ଚିବ।
\v 20 ଯେଉଁ ପ୍ରାଣୀ ପାପ କରେ, ସେହି ମରିବ; ପୁତ୍ର ପିତାର ଅଧର୍ମର ଭାର ବହିବ ନାହିଁ କିଅବା ପିତା ପୁତ୍ରର ଅଧର୍ମର ଭାର ବହିବ ନାହିଁ; ଧାର୍ମିକର ଧାର୍ମିକତା ତାହାରି ଉପରେ ବର୍ତ୍ତିବ ଓ ଦୁଷ୍ଟର ଦୁଷ୍ଟତା ତାହାରି ଉପରେ ବର୍ତ୍ତିବ।
\s5
\v 21 ମାତ୍ର ଦୁଷ୍ଟ ଯଦି ଆପଣାର କୃତ ସକଳ ପାପରୁ ଫେରେ ଓ ଆମ୍ଭର ବିଧିସକଳ ପାଳନ କରେ, ପୁଣି, ନ୍ୟାୟ ଓ ଧର୍ମାଚରଣ କରେ, ତେବେ ସେ ନିଶ୍ଚୟ ବଞ୍ଚିବ, ସେ ମରିବ ନାହିଁ।
\v 22 ତାହାର କୃତ କୌଣସି ଅପରାଧ ତାହା ବିରୁଦ୍ଧରେ ସ୍ମରଣ କରାଯିବ ନାହିଁ; ସେ ଯେଉଁ ଧର୍ମାଚରଣ କରିଅଛି, ତଦ୍ଦ୍ୱାରା ବଞ୍ଚିବ।
\s5
\v 23 ପ୍ରଭୁ, ସଦାପ୍ରଭୁ କହନ୍ତି, “ଦୁଷ୍ଟର ମରଣରେ କି ଆମ୍ଭର କିଛି ସନ୍ତୋଷ ଅଛି ? ବରଂ ସେ ଆପଣା କୁପଥରୁ ଫେରି ବଞ୍ଚୁ, ଏଥିରେ କି ଆମ୍ଭର ସନ୍ତୋଷ ନାହିଁ ?
\s5
\v 24 ମାତ୍ର ଧାର୍ମିକ ଲୋକ ଯଦି ଆପଣା ଧାର୍ମିକତାରୁ ଫେରି ଅଧର୍ମ କରେ ଓ ଦୁଷ୍ଟ ଲୋକର କୃତ ସକଳ ଘୃଣାଯୋଗ୍ୟ କ୍ରିୟାନୁଯାୟୀ ଆଚରଣ କରେ, ତେବେ ସେ କି ବଞ୍ଚିବ ? ତାହାର କୃତ କୌଣସି ଧର୍ମକର୍ମ ସ୍ମରଣ କରାଯିବ ନାହିଁ; ସେ ଯେଉଁ ସତ୍ୟ-ଲଙ୍ଘନ କରିଅଛି, ସେହି ସତ୍ୟ-ଲଙ୍ଘନରେ ଓ ସେ ଯେଉଁ ପାପ କରିଅଛି, ତାହାର ସେହି ପାପରେ ସେ ମରିବ।
\s5
\v 25 ତଥାପି ତୁମ୍ଭେମାନେ କହୁଅଛ, ପ୍ରଭୁଙ୍କର ପଥ ସରଳ ନୁହେଁ। ହେ ଇସ୍ରାଏଲ ବଂଶ, ଏବେ ଶୁଣ; ଆମ୍ଭର ପଥ କି ସରଳ ନୁହେଁ ? ତୁମ୍ଭମାନଙ୍କର ପଥ କି ଅସରଳ ନୁହେଁ ?
\v 26 ଧାର୍ମିକ ଲୋକ ଯେତେବେଳେ ଆପଣା ଧାର୍ମିକତାରୁ ଫେରି ଅଧର୍ମ କରେ ଓ ତହିଁରେ ମରେ, ସେତେବେଳେ ସେ ଯେଉଁ ଅଧର୍ମ କରିଅଛି, ତହିଁରେ ହିଁ ମରିବ।
\s5
\v 27 ପୁନର୍ବାର ଦୁଷ୍ଟ ଲୋକ ଯେତେବେଳେ ଆପଣା କୃତ ଦୁଷ୍ଟତାରୁ ଫେରେ, ଆଉ ନ୍ୟାୟ ଓ ଧର୍ମାଚରଣ କରେ, ସେତେବେଳେ ସେ ଆପଣା ପ୍ରାଣ ଜୀବିତ ରକ୍ଷା କରିବ।
\v 28 ସେ ବିବେଚନା କରେ ଓ ଆପଣା କୃତ ସମସ୍ତ ଅପରାଧରୁ ଫେରେ, ଏଥିପାଇଁ ସେ ନିଶ୍ଚୟ ବଞ୍ଚିବ, ସେ ମରିବ ନାହିଁ।
\s5
\v 29 ତଥାପି ଇସ୍ରାଏଲ ବଂଶ କହନ୍ତି, ପ୍ରଭୁଙ୍କର ପଥ ସରଳ ନୁହେଁ ? ହେ ଇସ୍ରାଏଲ ବଂଶ, ଆମ୍ଭର ପଥ କି ସରଳ ନୁହେଁ ? ତୁମ୍ଭମାନଙ୍କର ପଥ କି ଅସରଳ ନୁହେଁ ?
\v 30 ଏଥିପାଇଁ ହେ ଇସ୍ରାଏଲ ବଂଶ, ଆମ୍ଭେ ତୁମ୍ଭମାନଙ୍କର ପ୍ରତ୍ୟେକକୁ ତାହାର ଆଚାର ବ୍ୟବହାରାନୁସାରେ ବିଚାର କରିବା,” ଏହା ପ୍ରଭୁ, ସଦାପ୍ରଭୁ କହନ୍ତି। “ତୁମ୍ଭେମାନେ ଫେର, ଆପଣାମାନଙ୍କର ସମସ୍ତ ଅପରାଧରୁ ବିମୁଖ ହୁଅ; ତହିଁରେ ଅଧର୍ମ ତୁମ୍ଭମାନଙ୍କର ବିନାଶଜନକ ନୋହିବ।
\s5
\v 31 ତୁମ୍ଭେମାନେ ଆପଣାମାନଙ୍କର କୃତ ସମସ୍ତ ଅପରାଧ ଆପଣାମାନଙ୍କଠାରୁ ଦୂର କରି ଦିଅ ଓ ଆପଣାମାନଙ୍କ ପାଇଁ ନୂତନ ଅନ୍ତଃକରଣ ଓ ନୂତନ ଆତ୍ମା ପ୍ରସ୍ତୁତ କର; କାରଣ ହେ ଇସ୍ରାଏଲ ବଂଶ, ତୁମ୍ଭେମାନେ କାହିଁକି ମରିବ ?”
\v 32 ଯେହେତୁ ଯେ ମରେ, ତାହାର ମରଣରେ ଆମ୍ଭର କିଛି ସନ୍ତୋଷ ନାହିଁ, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି; “ଏଥିପାଇଁ ତୁମ୍ଭେମାନେ ଫେରି ବଞ୍ଚ।”
\s5
\c 19
\s ଏକ ଶୋକର ଗୀତ
\p
\v 1 ଆହୁରି, ତୁମ୍ଭେ ଇସ୍ରାଏଲର ଅଧିପତିଗଣ ବିଷୟରେ ବିଳାପ କରି କୁହ,
\v 2 “ତୁମ୍ଭର ମାତା କଅଣ ଥିଲା ? ସେ ତ ସିଂହୀ; ସେ ସିଂହଗଣ ମଧ୍ୟରେ ଶୟନ କଲା, ଯୁବା ସିଂହଗଣ ମଧ୍ୟରେ ଆପଣା ଛୁଆମାନଙ୍କୁ ପ୍ରତିପାଳନ କଲା।
\v 3 ତାହାର ପ୍ରତିପାଳିତ ଛୁଆମାନଙ୍କ ମଧ୍ୟରୁ ଗୋଟିଏ ଛୁଆ ଯୁବା ସିଂହ ହେଲା; ସେ ମୃଗୟା କରିବାକୁ ଶିଖିଲା, ସେ ମନୁଷ୍ୟମାନଙ୍କୁ ଗ୍ରାସ କଲା।
\v 4 ନାନା ଦେଶୀୟମାନେ ତାହାର ବିଷୟ ଶୁଣିଲେ, ସେମାନଙ୍କର ଗର୍ତ୍ତରେ ସେ ଧରା ପଡ଼ିଲା ଓ ସେମାନେ ଅଙ୍କୁଶ ଦ୍ୱାରା ତାହାକୁ ମିସର ଦେଶକୁ ଆଣିଲେ।
\s5
\v 5 ଅପେକ୍ଷା କରି ଆପଣା ଆପଣା ଆଶା ବିଫଳ ହେବାର ଦେଖି ସେ ଆପଣା ଛୁଆମାନଙ୍କ ମଧ୍ୟରୁ ଆଉ ଗୋଟିଏ ନେଇ ତାକୁ ଯୁବା ସିଂହ କଲା।
\v 6 ପୁଣି, ସେ ସିଂହମାନଙ୍କ ମଧ୍ୟରେ ଗତାୟାତ କରି ଯୁବା ସିଂହ ହୋଇ ଉଠିଲା; ଆହୁରି ସେ ମୃଗୟା କରିବାକୁ ଶିଖିଲା, ସେ ମନୁଷ୍ୟମାନଙ୍କୁ ଗ୍ରାସ କଲା।
\v 7 ଆଉ, ସେ ସେମାନଙ୍କର ଅଟ୍ଟାଳିକାସବୁ ଜାଣିଲା ଓ ସେମାନଙ୍କର ନଗରସବୁ ଉଜାଡ଼ କଲା; ଆଉ, ତାହାର ଗର୍ଜ୍ଜନର ଶବ୍ଦ ସକାଶୁ ଦେଶ ଓ ତହିଁର ପୂର୍ଣ୍ଣତାସକଳ ଶୂନ୍ୟ ହେଲା।
\s5
\v 8 ତହିଁରେ ନାନା ପ୍ରଦେଶରୁ ଗୋଷ୍ଠୀୟମାନେ ଆସି ତାହାର ବିରୁଦ୍ଧରେ ଚାରିଆଡ଼େ ଉଠିଲେ; ଆଉ, ସେମାନେ ତାହାର ଉପରେ ଆପଣାମାନଙ୍କର ଜାଲ ପ୍ରସାରିଲେ; ସେ ସେମାନଙ୍କ ଗର୍ତ୍ତରେ ଧରା ପଡ଼ିଲା।
\v 9 ଆଉ, ସେମାନେ ତାକୁ ଅଙ୍କୁଶ ଦ୍ୱାରା ପିଞ୍ଜରରେ ରଖି ବାବିଲ ରାଜା ନିକଟକୁ ନେଇଗଲେ; ଇସ୍ରାଏଲର ପର୍ବତସମୂହରେ ତାହାର ହୁଙ୍କାର ଶବ୍ଦ ଯେପରି ଆଉ ଶୁଣା ନ ଯାଏ, ଏଥିପାଇଁ ସେମାନେ ତାହାକୁ ଦୃଢ଼ ଗଡ଼ ମଧ୍ୟକୁ ନେଇଗଲେ।
\s5
\v 10 ତୁମ୍ଭର ରକ୍ତରେ ତୁମ୍ଭର ମାତା ଜଳରାଶି ନିକଟରେ ରୋପିତ ଦ୍ରାକ୍ଷାଲତା ସ୍ୱରୂପ ଥିଲା; ଅନେକ ଜଳ ସକାଶୁ ସେ ଫଳବତୀ ଓ ଶାଖାରେ ପରିପୂର୍ଣ୍ଣ ଥିଲା।
\v 11 ପୁଣି, କର୍ତ୍ତୃତ୍ୱକାରୀମାନଙ୍କର ରାଜଦଣ୍ଡ ହେବା ନିମନ୍ତେ ତାହାର ଶାଖାସବୁ ଦୃଢ଼ ହୋଇଥିଲା, ଗହଳ ଶାଖାମାନର ମଧ୍ୟରେ ସେହି ସବୁ ଦୀର୍ଘତାରେ ଉଚ୍ଚୀକୃତ ହୋଇଥିଲା, ଆଉ ସେହି ସବୁ ସ୍ୱ ଉଚ୍ଚତାରେ ଓ ଶାଖାର ବାହୁଲ୍ୟରେ ଦେଖାଗଲା।
\s5
\v 12 ମାତ୍ର କୋପରେ ସେ ଉତ୍ପାଟିତ ହେଲା, ଭୂମିରେ ନିକ୍ଷିପ୍ତ ହେଲା ଓ ପୂର୍ବୀୟ ବାୟୁ ତାହାର ଫଳ ଶୁଷ୍କ କଲା; ତାହାର ଦୃଢ଼ ଶାଖାସବୁ ଭଗ୍ନ ଓ ଶୁଷ୍କ ହେଲା; ଅଗ୍ନି ସେହି ସବୁକୁ ଗ୍ରାସ କଲା।
\v 13 ପୁଣି, ଏବେ ସେ ପ୍ରାନ୍ତର ମଧ୍ୟରେ ନିର୍ଜଳ ଓ ଶୁଷ୍କ ଭୂମିରେ ରୋପିତ ହୋଇଅଛି।
\s5
\v 14 ଆଉ, ତାହାର ଶାଖା ଦଣ୍ଡସମୂହରୁ ଅଗ୍ନି ନିର୍ଗତ ହୋଇ ତାହାର ଫଳ ଗ୍ରାସ କରିଅଛି; ଏହେତୁ ରାଜଦଣ୍ଡ ହେବା ପାଇଁ ତାହାର ଗୋଟିଏ ଦୃଢ଼ ଶାଖା ନାହିଁ। ଏହା ବିଳାପର ବିଷୟ ଅଟେ ଓ ବିଳାପଜନକ ହେବ।”
\s5
\c 20
\s ଇସ୍ରାଏଲର ବିଦ୍ରୋହ
\p
\v 1 ଏଥିଉତ୍ତାରେ ସପ୍ତମ ବର୍ଷର ପଞ୍ଚମ ମାସରେ, ମାସର ଦଶମ ଦିନରେ, ଇସ୍ରାଏଲ ବଂଶୀୟ ପ୍ରାଚୀନବର୍ଗଙ୍କ ମଧ୍ୟରୁ କେତେକ ଜଣ ସଦାପ୍ରଭୁଙ୍କ ନିକଟରେ ପଚାରିବା ପାଇଁ ଆସି ମୋ’ ସମ୍ମୁଖରେ ବସିଲେ।
\s5
\v 2 ସେତେବେଳେ ସଦାପ୍ରଭୁଙ୍କର ବାକ୍ୟ ମୋ’ ନିକଟରେ ଉପସ୍ଥିତ ହେଲା ଏବଂ ସେ କହିଲେ,
\v 3 “ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଇସ୍ରାଏଲ ବଂଶୀୟ ପ୍ରାଚୀନବର୍ଗଙ୍କ ସଙ୍ଗେ କଥା କହି ସେମାନଙ୍କୁ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭେମାନେ କି ଆମ୍ଭ ନିକଟରେ ପଚାରିବାକୁ ଆସିଅଛ ? ପ୍ରଭୁ, ସଦାପ୍ରଭୁ କହନ୍ତି, ଆମ୍ଭେ ଜୀବିତ ଥିବା ପ୍ରମାଣେ ତୁମ୍ଭମାନଙ୍କୁ ଆମ୍ଭ ନିକଟରେ ପଚାରିବାକୁ ଦେବା ନାହିଁ।”
\s5
\v 4 “ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ କି ସେମାନଙ୍କର ବିଚାର କରିବ ? ତୁମ୍ଭେ କି ସେମାନଙ୍କର ବିଚାର କରିବ ? ସେମାନଙ୍କ ପୂର୍ବପୁରୁଷଗଣର ଘୃଣାଯୋଗ୍ୟ କ୍ରିୟାସକଳ ସେମାନଙ୍କୁ ଜ୍ଞାତ କରାଅ,”
\v 5 ଆଉ ସେମାନଙ୍କୁ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, “ଆମ୍ଭେ ଯେଉଁ ଦିନ ଇସ୍ରାଏଲକୁ ମନୋନୀତ କଲୁ ଓ ଯାକୁବର କୁଳଜାତ ବଂଶ ସପକ୍ଷରେ ଆପଣା ହସ୍ତ ଉଠାଇଲୁ ଓ ମିସର ଦେଶରେ ସେମାନଙ୍କ ନିକଟରେ ଆପଣାର ପରିଚୟ ଦେଲୁ, ସେମାନଙ୍କ ସପକ୍ଷରେ ଆପଣା ହସ୍ତ ଉଠାଇ, ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ବୋଲି କହିଲୁ;
\v 6 ସେହି ଦିନ ସେମାନଙ୍କୁ ମିସର ଦେଶରୁ ବାହାର କରି ଆଣିବା ପାଇଁ ଓ ଆମ୍ଭେ ସେମାନଙ୍କ ନିମନ୍ତେ ଯେଉଁ ଦେଶ ଅନୁସନ୍ଧାନ କରିଥିଲୁ, ସର୍ବ ଦେଶର ଗୌରବ ସ୍ୱରୂପ ସେହି ଦୁଗ୍ଧ ଓ ମଧୁ ପ୍ରବାହୀ ଦେଶକୁ ସେମାନଙ୍କୁ ନେଇଯିବା ପାଇଁ ଆମ୍ଭେ ସେମାନଙ୍କ ସପକ୍ଷରେ ଆପଣା ହସ୍ତ ଉଠାଇଲୁ;
\s5
\v 7 ଆଉ, ଆମ୍ଭେ ସେମାନଙ୍କୁ କହିଲୁ, ତୁମ୍ଭେମାନେ ପ୍ରତ୍ୟେକ ଜଣ ଆପଣା ଆପଣା ଦୃଷ୍ଟିର ସମ୍ମୁଖରୁ ଘୃଣାଯୋଗ୍ୟ ବସ୍ତୁସକଳ ଦୂର କର ଓ ମିସ୍ରୀୟ ପ୍ରତିମାଗଣ ଦ୍ୱାରା ଆପଣାମାନଙ୍କୁ ଅଶୁଚି କର ନାହିଁ, ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।”
\s5
\v 8 ମାତ୍ର ସେମାନେ ଆମ୍ଭର ବିଦ୍ରୋହାଚାରୀ ହେଲେ ଓ ଆମ୍ଭର କଥା ଶୁଣିବାକୁ ଅସମ୍ମତ ହେଲେ; ସେମାନେ ପ୍ରତ୍ୟେକ ଜଣ ଆପଣା ଆପଣା ଦୃଷ୍ଟିର ସମ୍ମୁଖରୁ ଘୃଣାଯୋଗ୍ୟ ବସ୍ତୁସକଳ ଦୂର କଲେ ନାହିଁ, କିଅବା ମିସ୍ରୀୟ ପ୍ରତିମାଗଣକୁ ଛାଡ଼ିଲେ ନାହିଁ; ତହିଁରେ ଆମ୍ଭେ ମିସର ଦେଶ ମଧ୍ୟରେ ସେମାନଙ୍କ ପ୍ରତିକୂଳରେ ଆପଣା କ୍ରୋଧ ସାଧିବା ପାଇଁ ସେମାନଙ୍କ ଉପରେ ଆପଣା କୋପ ଢାଳିବା ବୋଲି କହିଲୁ।
\v 9 ତଥାପି ସେମାନେ ଯେଉଁମାନଙ୍କ ମଧ୍ୟରେ ଥିଲେ, ଯେଉଁମାନଙ୍କ ସାକ୍ଷାତରେ ଆମ୍ଭେ ସେମାନଙ୍କୁ, ମିସର ଦେଶରୁ ବାହାର କରି ଆଣିବା ଦ୍ୱାରା ଆପଣାର ପରିଚୟ ଦେଇଥିଲୁ, ସେହି ଗୋଷ୍ଠୀୟମାନଙ୍କ ସାକ୍ଷାତରେ ଆମ୍ଭର ନାମ ଯେପରି ଅପବିତ୍ର ନ ହୁଏ, ଏଥିପାଇଁ ଆମ୍ଭେ ଆପଣା ନାମ ନିମନ୍ତେ କାର୍ଯ୍ୟ କଲୁ।
\s5
\v 10 ଏହିରୂପେ ଆମ୍ଭେ ସେମାନଙ୍କୁ ମିସର ଦେଶରୁ ବାହାର କରାଇ ପ୍ରାନ୍ତରକୁ ଆଣିଲୁ।
\v 11 ପୁଣି, ଆମ୍ଭେ ସେମାନଙ୍କୁ ଆପଣାର ବିଧି ଦେଲୁ ଓ ଆପଣା ଶାସନସକଳ ଜ୍ଞାତ କରାଇଲୁ, ମନୁଷ୍ୟ ଯଦି ତାହା ପାଳନ କରେ, ତେବେ ତହିଁରେ ସେ ବଞ୍ଚିବ !
\v 12 ଆହୁରି ମଧ୍ୟ ଆମ୍ଭେ ଯେ ସେମାନଙ୍କର ପବିତ୍ରକାରୀ ସଦାପ୍ରଭୁ ଅଟୁ, ଏହା ଯେପରି ସେମାନେ ଜାଣିବେ, ଏଥିପାଇଁ ଆମ୍ଭର ଓ ସେମାନଙ୍କ ମଧ୍ୟରେ ଚିହ୍ନ ସ୍ୱରୂପ ହେବା ନିମନ୍ତେ ଆମ୍ଭେ ଆପଣାର ବିଶ୍ରାମ ଦିନସକଳ ସେମାନଙ୍କୁ ଦେଲୁ।
\s5
\v 13 ମାତ୍ର ଇସ୍ରାଏଲ ବଂଶ ପ୍ରାନ୍ତରରେ ଆମ୍ଭର ବିଦ୍ରୋହାଚାରୀ ହେଲେ; ସେମାନେ ଆମ୍ଭର ବିଧିରୂପ ପଥରେ ଚାଲିଲେ ନାହିଁ ଓ ଆମ୍ଭର ଶାସନସକଳ ଅଗ୍ରାହ୍ୟ କଲେ, ମନୁଷ୍ୟ ଯଦି ତାହା ପାଳନ କରେ, ତେବେ ତହିଁରେ ସେ ବଞ୍ଚିବ; ପୁଣି, ସେମାନେ ଆମ୍ଭର ବିଶ୍ରାମ ଦିନସକଳ ଅତ୍ୟନ୍ତ ଅପବିତ୍ର କଲେ; ସେତେବେଳେ ଆମ୍ଭେ ପ୍ରାନ୍ତରରେ ସେମାନଙ୍କୁ ସଂହାର କରିବା ନିମନ୍ତେ ସେମାନଙ୍କ ଉପରେ ଆପଣା କୋପ ଢାଳିବା ବୋଲି କହିଲୁ।
\v 14 ତଥାପି ଯେଉଁ ଗୋଷ୍ଠୀଗଣ ସାକ୍ଷାତରେ ଆମ୍ଭେ ସେମାନଙ୍କୁ ବାହାର କରି ଆଣିଲୁ, ସେମାନଙ୍କ ଦୃଷ୍ଟିରେ ଆମ୍ଭର ନାମ ଯେପରି ଅପବିତ୍ର ନ ହୁଏ, ଏଥିପାଇଁ ଆମ୍ଭେ ଆପଣା ନାମ ନିମନ୍ତେ କାର୍ଯ୍ୟ କଲୁ।
\s5
\v 15 ଆହୁରି ମଧ୍ୟ ସର୍ବଦେଶର ଗୌରବ ସ୍ୱରୂପ ଯେଉଁ ଦୁଗ୍ଧ ଓ ମଧୁ ପ୍ରବାହୀ ଦେଶ ଆମ୍ଭେ ସେମାନଙ୍କୁ ଦେଇଥିଲୁ, ସେହି ଦେଶକୁ ସେମାନଙ୍କୁ ନ ଆଣିବା ପାଇଁ ଆମ୍ଭେ ପ୍ରାନ୍ତରରେ ସେମାନଙ୍କ ବିରୁଦ୍ଧରେ ଆପଣା ହସ୍ତ ଉଠାଇଲୁ;
\v 16 କାରଣ ସେମାନଙ୍କ ଅନ୍ତଃକରଣ ସେମାନଙ୍କ ପ୍ରତିମାଗଣର ଅନୁଗାମୀ ହେବାରୁ ସେମାନେ ଆମ୍ଭର ଶାସନସକଳ ଅଗ୍ରାହ୍ୟ କଲେ ଓ ଆମ୍ଭର ବିଧିରୂପ ପଥରେ ଚାଲିଲେ ନାହିଁ, ଆଉ ଆମ୍ଭ ବିଶ୍ରାମ ଦିନସକଳ ଅପବିତ୍ର କଲେ।
\v 17 ତଥାପି ସେମାନଙ୍କୁ ବିନାଶ କରିବା ପାଇଁ ଆମ୍ଭର ଲଜ୍ଜ୍ୟା ହେଲା, ଏଣୁ ଆମ୍ଭେ ପ୍ରାନ୍ତରରେ ସେମାନଙ୍କୁ ସମ୍ପୂର୍ଣ୍ଣ ରୂପେ ସଂହାର କଲୁ ନାହିଁ।
\s5
\v 18 ପୁଣି, ଆମ୍ଭେ ପ୍ରାନ୍ତରରେ ସେମାନଙ୍କ ସନ୍ତାନଗଣକୁ କହିଲୁ, ତୁମ୍ଭେମାନେ ଆପଣାମାନଙ୍କର ପିତୃଗଣର ବିଧି ଅନୁସାରେ ଚାଲ ନାହିଁ କିଅବା ସେମାନଙ୍କର ଶାସନସକଳ ମାନ ନାହିଁ, ଅଥବା ସେମାନଙ୍କ ପ୍ରତିମାଗଣ ଦ୍ୱାରା ଆପଣାମାନଙ୍କୁ ଅଶୁଚି କର ନାହିଁ;
\v 19 ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ; ଆମ୍ଭର ବିଧିରୂପ ପଥରେ ଚାଲ ଓ ଆମ୍ଭର ଶାସନସକଳ ରକ୍ଷା କରି ପାଳନ କର;
\v 20 ପୁଣି, ଆମ୍ଭର ବିଶ୍ରାମ ଦିନସକଳ ପବିତ୍ର କର; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ, ଏହା ଯେପରି ତୁମ୍ଭେମାନେ ଜାଣିବ, ଏଥିପାଇଁ ତାହାସବୁ ଆମ୍ଭ ଓ ତୁମ୍ଭମାନଙ୍କ ମଧ୍ୟରେ ଏକ ଚିହ୍ନ ସ୍ୱରୂପ ହେବ।
\s5
\v 21 ମାତ୍ର ସେହି ସନ୍ତାନଗଣ ଆମ୍ଭର ବିଦ୍ରୋହାଚରଣ କଲେ; ସେମାନେ ଆମ୍ଭର ବିଧିରୂପ ପଥରେ ଚାଲିଲେ ନାହିଁ ଓ ଆମ୍ଭର ଶାସନସକଳ ରକ୍ଷା କରି ପାଳନ କଲେ ନାହିଁ, ମନୁଷ୍ୟ ତାହା ପାଳନ କଲେ, ତହିଁରେ ସେ ବଞ୍ଚିବ; ସେମାନେ ଆମ୍ଭର ବିଶ୍ରାମ ଦିନସକଳ ଅପବିତ୍ର କଲେ; ତହିଁରେ ଆମ୍ଭେ ପ୍ରାନ୍ତରରେ ସେମାନଙ୍କ ବିରୁଦ୍ଧରେ ଆପଣା କ୍ରୋଧ ସାଧିବା ପାଇଁ ସେମାନଙ୍କ ଉପରେ ଆପଣା କୋପ ଢାଳିବା ବୋଲି କହିଲୁ।
\v 22 ତଥାପି ଯେଉଁମାନଙ୍କ ସାକ୍ଷାତରେ ଆମ୍ଭେ ସେମାନଙ୍କୁ ବାହାର କରି ଆଣିଲୁ, ସେହି ଗୋଷ୍ଠୀୟମାନଙ୍କ ନିକଟରେ ଆମ୍ଭର ନାମ ଯେପରି ଅପବିତ୍ର ନ ହୁଏ, ଏଥିପାଇଁ ଆମ୍ଭେ ଆପଣା ହସ୍ତ ସମ୍ବରଣ କଲୁ ଓ ଆପଣା ନାମ ନିମନ୍ତେ କାର୍ଯ୍ୟ କଲୁ।
\s5
\v 23 ମାତ୍ର ଆମ୍ଭେ ନାନା ଗୋଷ୍ଠୀୟ ମଧ୍ୟରେ ସେମାନଙ୍କୁ ଛିନ୍ନଭିନ୍ନ ଓ ନାନା ଦେଶରେ ସେମାନଙ୍କୁ ନିକ୍ଷେପ କରିବୁ ବୋଲି ସେମାନଙ୍କ ପ୍ରତିକୂଳରେ ଆପଣା ହସ୍ତ ଉଠାଇଲୁ;
\v 24 କାରଣ ସେମାନେ ଆମ୍ଭର ଶାସନସକଳ ପାଳନ କଲେ ନାହିଁ, ମାତ୍ର ଆମ୍ଭର ବିଧିସକଳ ଅଗ୍ରାହ୍ୟ କଲେ ଓ ଆମ୍ଭର ବିଶ୍ରାମ ଦିନସକଳ ଅପବିତ୍ର କଲେ, ପୁଣି, ସେମାନଙ୍କ ପିତୃବର୍ଗର ପ୍ରତିମାଗଣ ପ୍ରତି ସେମାନଙ୍କର ଦୃଷ୍ଟି ରହିଲା।
\s5
\v 25 ଆହୁରି ମଧ୍ୟ ଯାହା ସେମାନଙ୍କର ମଙ୍ଗଳଜନକ ନୁହେଁ, ଏପରି ବିଧି ଓ ଯହିଁରେ ସେମାନେ ବଞ୍ଚିବେ ନାହିଁ, ଏପରି ଶାସନସବୁ ଆମ୍ଭେ ସେମାନଙ୍କୁ ଦେଲୁ;
\v 26 ପୁଣି, ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ଯେପରି ସେମାନେ ଜାଣିବେ, ଏଥିପାଇଁ ଆମ୍ଭେ ସେମାନଙ୍କୁ ବିନାଶ କରିବା ନିମନ୍ତେ, ସେମାନେ ଗର୍ଭାଶୟ ମୁକ୍ତକାରୀ ସମସ୍ତ ସନ୍ତାନକୁ ଅଗ୍ନି ମଧ୍ୟ ଦେଇ ଗମନ କରାଇବା ଦ୍ୱାରା ଯେଉଁ ଉପହାର ପ୍ରଦାନ କଲେ, ତହିଁରେ ଆମ୍ଭେ ସେମାନଙ୍କୁ ଅଶୁଚି କରାଇଲୁ।
\s5
\v 27 ଏହେତୁ ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଇସ୍ରାଏଲ ବଂଶ ସଙ୍ଗେ କଥା କହି ସେମାନଙ୍କୁ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭମାନଙ୍କର ପିତୃପୁରୁଷମାନେ ଏଥିରେ ମଧ୍ୟ ଆମ୍ଭ ବିରୁଦ୍ଧରେ ସତ୍ୟ-ଲଙ୍ଘନ କରି ଆମ୍ଭର ନିନ୍ଦା କରିଅଛନ୍ତି।
\v 28 କାରଣ ଆମ୍ଭେ ସେମାନଙ୍କୁ ଯେଉଁ ଦେଶ ଦେବା ପାଇଁ ଆପଣା ହସ୍ତ ଉଠାଇଥିଲୁ, ସେହି ଦେଶକୁ ଯେତେବେଳେ ସେମାନଙ୍କୁ ଆଣିଲୁ, ସେତେବେଳେ ସେମାନେ ପ୍ରତ୍ୟେକ ଉଚ୍ଚ ପର୍ବତ ଓ ପ୍ରତ୍ୟେକ ଗହଳିଆ ବୃକ୍ଷ ଦେଖି ସେହି ସ୍ଥାନରେ ବଳିଦାନ କଲେ ଓ ସେହି ସ୍ଥାନରେ ସେମାନେ (ଆମ୍ଭର) ବିରକ୍ତିଜନକ ନୈବେଦ୍ୟ ଉତ୍ସର୍ଗ କଲେ, ସେହି ସ୍ଥାନରେ ମଧ୍ୟ ଆପଣାମାନଙ୍କର ସୁଗନ୍ଧିଯୁକ୍ତ ଦ୍ରବ୍ୟ ରଖିଲେ ଓ ସେହି ସ୍ଥାନରେ ଆପଣାମାନଙ୍କର ପେୟ-ନୈବେଦ୍ୟ ଢାଳିଲେ।
\v 29 ତହିଁରେ ଆମ୍ଭେ ସେମାନଙ୍କୁ କହିଲୁ, ତୁମ୍ଭେମାନେ ଯେଉଁ ଉଚ୍ଚସ୍ଥଳୀକୁ ଯାଅ, ତାହାର ଅଭିପ୍ରାୟ ଏହି କି ? ଏଣୁ ଆଜି ପର୍ଯ୍ୟନ୍ତ ତହିଁର ନାମ ବାମା (ଉଚ୍ଚସ୍ଥଳୀ) ରହିଅଛି।”
\s5
\v 30 ଏଣୁକରି ତୁମ୍ଭେ ଇସ୍ରାଏଲ ବଂଶକୁ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭେମାନେ କି ଆପଣାମାନଙ୍କର ପୂର୍ବପୁରୁଷଗଣର ରୀତି ଅନୁସାରେ ଆପଣାମାନଙ୍କୁ ଅଶୁଚି କରୁଅଛ ? ଓ ସେମାନଙ୍କର ଘୃଣାଯୋଗ୍ୟ କ୍ରିୟାନୁସାରେ ବ୍ୟଭିଚାରୀ ହେଉଅଛ ?
\v 31 ଆଉ, ଯେତେବେଳେ ତୁମ୍ଭେମାନେ ଆପଣା ଆପଣା ଉପହାର ଦାନ କରୁଅଛ, ଆପଣା ଆପଣା ସନ୍ତାନଗଣକୁ ଅଗ୍ନି ମଧ୍ୟ ଦେଇ ଗମନ କରାଉଅଛ, ସେତେବେଳେ ତୁମ୍ଭେମାନେ କି ଆଜି ପର୍ଯ୍ୟନ୍ତ ଆପଣା ଆପଣା ପ୍ରତିମାଗଣ ଦ୍ୱାରା ଆପଣାମାନଙ୍କୁ ଅଶୁଚି କରୁ ନାହଁ ? ତେବେ ହେ ଇସ୍ରାଏଲ ବଂଶ, ଆମ୍ଭେ କି ତୁମ୍ଭମାନଙ୍କୁ ଆମ୍ଭ ନିକଟରେ ପଚାରିବାକୁ ଦେବା ?” ପ୍ରଭୁ, ସଦାପ୍ରଭୁ କହନ୍ତି, “ଆମ୍ଭେ ଜୀବିତ ଥିବା ପ୍ରମାଣେ ତୁମ୍ଭମାନଙ୍କୁ ଆମ୍ଭ ନିକଟରେ ପଚାରିବା ପାଇଁ ଦେବା ନାହିଁ;
\v 32 ପୁଣି, ଆମ୍ଭେମାନେ କାଷ୍ଠ ଓ ପ୍ରସ୍ତରର ସେବା କରି ଅନ୍ୟ ଦେଶୀୟମାନଙ୍କର ଓ ନାନା ଦେଶ ନିବାସୀ ଗୋଷ୍ଠୀମାନଙ୍କ ତୁଲ୍ୟ ହେବା ବୋଲି ଏହି ଯେଉଁ କଥା ତୁମ୍ଭମାନଙ୍କ ମନରେ ଉଠୁଅଛି ଓ ଯାହା ତୁମ୍ଭେମାନେ କହୁଅଛ, ତାହା କେବେ ଘଟିବ ନାହିଁ।”
\s ଈଶ୍ୱର ଶାସ୍ତି ଦିଅନ୍ତି ଓ କ୍ଷମା କରନ୍ତି
\p
\s5
\v 33 ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, “ଆମ୍ଭେ ଜୀବିତ ଥିବା ପ୍ରମାଣେ ନିଶ୍ଚୟ ବଳବାନ ହସ୍ତ, ବିସ୍ତୀର୍ଣ୍ଣ ବାହୁ ଓ କୋପବର୍ଷଣ ଦ୍ୱାରା ଆମ୍ଭେ ତୁମ୍ଭମାନଙ୍କ ଉପରେ ରାଜା ହେବା;
\v 34 ପୁଣି, ଆମ୍ଭେ ବଳବାନ ହସ୍ତ, ବିସ୍ତୀର୍ଣ୍ଣ ବାହୁ ଓ କୋପବର୍ଷଣ ଦ୍ୱାରା ତୁମ୍ଭମାନଙ୍କୁ ଗୋଷ୍ଠୀଗଣ ମଧ୍ୟରୁ ବାହାର କରି ଆଣିବା ଓ ତୁମ୍ଭେମାନେ ଯେଉଁ ଯେଉଁ ଦେଶରେ ଛିନ୍ନଭିନ୍ନ ହୋଇଅଛ, ସେହିସବୁ ସ୍ଥାନରୁ ତୁମ୍ଭମାନଙ୍କୁ ସଂଗ୍ରହ କରିବା;
\v 35 ପୁଣି, ଆମ୍ଭେ ତୁମ୍ଭମାନଙ୍କୁ ଗୋଷ୍ଠୀସମୂହର ପ୍ରାନ୍ତରକୁ ଆଣି ସମ୍ମୁଖାସମ୍ମୁଖୀ ହୋଇ ତୁମ୍ଭମାନଙ୍କ ସହିତ ବିଚାର କରିବା।”
\s5
\v 36 ପ୍ରଭୁ, ସଦାପ୍ରଭୁ କହନ୍ତି, “ଆମ୍ଭେ ମିସର ଦେଶର ପ୍ରାନ୍ତରରେ ଯେପରି ତୁମ୍ଭମାନଙ୍କର ପୂର୍ବପୁରୁଷଗଣର ସହିତ ବିଚାର କରିଥିଲୁ, ସେହିପରି ତୁମ୍ଭମାନଙ୍କ ସହିତ ବିଚାର କରିବା।
\v 37 ଆଉ, ଆମ୍ଭେ ତୁମ୍ଭମାନଙ୍କୁ ପାଞ୍ଚଣ ତଳେ ଗମନ କରାଇବା ଓ ଆମ୍ଭେ ତୁମ୍ଭମାନଙ୍କୁ ନିୟମରୂପ ବନ୍ଧନରେ ଆବଦ୍ଧ କରିବା;
\v 38 ପୁଣି, ଆମ୍ଭେ ବିଦ୍ରୋହୀମାନଙ୍କୁ ଓ ଆମ୍ଭ ବିରୁଦ୍ଧରେ ଅପରାଧକାରୀମାନଙ୍କୁ ତୁମ୍ଭମାନଙ୍କ ମଧ୍ୟରୁ ଝାଡ଼ି ଦୂର କରି ଦେବା; ସେମାନେ ଯେଉଁ ଦେଶରେ ପ୍ରବାସ କରୁଅଛନ୍ତି, ସେ ଦେଶରୁ ଆମ୍ଭେ ସେମାନଙ୍କୁ ବାହାର କରି ଆଣିବା, ମାତ୍ର ସେମାନେ ଇସ୍ରାଏଲ ଦେଶରେ ପ୍ରବେଶ କରିବେ ନାହିଁ; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ।”
\s5
\v 39 ହେ ଇସ୍ରାଏଲ ବଂଶ, ପ୍ରଭୁ, ସଦାପ୍ରଭୁ ତୁମ୍ଭମାନଙ୍କ ବିଷୟରେ ଏହି କଥା କହନ୍ତି; “ତୁମ୍ଭେମାନେ ଯଦି ଆମ୍ଭ ବାକ୍ୟରେ ମନୋଯୋଗ ନ କରିବ, ତେବେ ତୁମ୍ଭେମାନେ ପ୍ରତ୍ୟେକେ ଯାଇ ଏବେ ଓ ଏଥିଉତ୍ତାରେ ମଧ୍ୟ ଆପଣା ଆପଣା ପ୍ରତିମାଗଣର ସେବା କର; ମାତ୍ର ତୁମ୍ଭେମାନେ ଆପଣାମାନଙ୍କର ଉପହାର ଓ ପ୍ରତିମାଗଣ ଦ୍ୱାରା ଆମ୍ଭର ପବିତ୍ର ନାମ ଆଉ ଅପବିତ୍ର କରିବ ନାହିଁ।”
\s5
\v 40 କାରଣ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, “ଆମ୍ଭର ପବିତ୍ର ପର୍ବତରେ, ଇସ୍ରାଏଲର ଉଚ୍ଚତମ ପର୍ବତରେ, ସମୁଦାୟ ଇସ୍ରାଏଲ ବଂଶ, ସେମାନଙ୍କର ସମସ୍ତେ ହିଁ ସେଠାରେ ଦେଶ ମଧ୍ୟରେ ଆମ୍ଭର ସେବା କରିବେ; ସେହି ସ୍ଥାନରେ ଆମ୍ଭେ ସେମାନଙ୍କୁ ଗ୍ରାହ୍ୟ କରିବା ଓ ସେହି ସ୍ଥାନରେ ଆମ୍ଭେ ତୁମ୍ଭମାନଙ୍କର ଯାବତୀୟ ପବିତ୍ର ବସ୍ତୁ ସହିତ ତୁମ୍ଭମାନଙ୍କ ଉପହାର ଓ ପ୍ରଥମଜାତ ଫଳର ନୈବେଦ୍ୟ ଚାହିଁବା।
\v 41 ଯେଉଁ ସମୟରେ ଆମ୍ଭେ ଗୋଷ୍ଠୀଗଣ ମଧ୍ୟରୁ ତୁମ୍ଭମାନଙ୍କୁ ବାହାର କରି ଆଣିବା ଓ ଯେଉଁ ଯେଉଁ ଦେଶରେ ତୁମ୍ଭେମାନେ ଛିନ୍ନଭିନ୍ନ ହୋଇ ରହିଅଛ, ସେହିସବୁ ଦେଶରୁ ତୁମ୍ଭମାନଙ୍କୁ ସଂଗ୍ରହ କରିବା, ସେହି ସମୟରେ ଆମ୍ଭେ ତୁମ୍ଭମାନଙ୍କୁ ସୁଗନ୍ଧିଯୁକ୍ତ ଆଘ୍ରାଣାର୍ଥକ ଦ୍ରବ୍ୟ ତୁଲ୍ୟ ଗ୍ରହଣ କରିବା ଓ ଆମ୍ଭେ ତୁମ୍ଭମାନଙ୍କଠାରେ ଗୋଷ୍ଠୀଗଣର ସାକ୍ଷାତରେ ପବିତ୍ରୀକୃତ ହେବା।
\s5
\v 42 ପୁଣି, ଆମ୍ଭେ ତୁମ୍ଭମାନଙ୍କର ପୂର୍ବପୁରୁଷଗଣକୁ ଯେଉଁ ଦେଶ ଦେବା ପାଇଁ ଆପଣା ହସ୍ତ ଉଠାଇଲୁ, ଇସ୍ରାଏଲର ସେହି ଦେଶକୁ ଆମ୍ଭେ ଯେତେବେଳେ ତୁମ୍ଭମାନଙ୍କୁ ଆଣିବା, ସେତେବେଳେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ।
\v 43 ଆଉ, ଯହିଁରେ ତୁମ୍ଭେମାନେ ଆପଣାମାନଙ୍କୁ ଅଶୁଚି କରିଅଛ, ଆପଣାମାନଙ୍କର ସେହି ଆଚାର ବ୍ୟବହାର ଓ କ୍ରିୟାସକଳ ତୁମ୍ଭେମାନେ ସେଠାରେ ସ୍ମରଣ କରିବ ଓ ଆପଣାମାନଙ୍କର କୃତ ସମସ୍ତ କୁକ୍ରିୟା ସକାଶୁ ଆପଣାମାନଙ୍କୁ ଘୃଣା କରିବ।
\v 44 ପୁଣି, ହେ ଇସ୍ରାଏଲ ବଂଶ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ଆମ୍ଭେ ଯେତେବେଳେ ତୁମ୍ଭମାନଙ୍କର ଦୁଷ୍ଟ ଆଚାର ବ୍ୟବହାରାନୁସାରେ ନୁହେଁ, କିଅବା ତୁମ୍ଭମାନଙ୍କର ଭ୍ରଷ୍ଟ କ୍ରିୟାନୁସାରେ ନୁହେଁ, ମାତ୍ର ଆପଣା ନାମ ନିମନ୍ତେ ତୁମ୍ଭମାନଙ୍କ ପ୍ରତି ବ୍ୟବହାର କରିବା, ସେତେବେଳେ, ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ।”
\s5
\v 45 ଏଥିଉତ୍ତାରେ ସଦାପ୍ରଭୁଙ୍କର ବାକ୍ୟ ମୋ’ ନିକଟରେ ଉପସ୍ଥିତ ହେଲା ଏବଂ ସେ କହିଲେ,
\v 46 “ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଦକ୍ଷିଣ ଦିଗ ପ୍ରତି ଆପଣା ମୁଖ ରଖ ଓ ଦକ୍ଷିଣ ଦିଗ ପ୍ରତି ଆପଣା ବାକ୍ୟ ବର୍ଷଣ କର, ଆଉ ଦକ୍ଷିଣ ପ୍ରାନ୍ତରସ୍ଥ ଅରଣ୍ୟ ବିରୁଦ୍ଧରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କର;
\v 47 ପୁଣି, ଦକ୍ଷିଣ ଦିଗର ଅରଣ୍ୟକୁ କୁହ, ସଦାପ୍ରଭୁଙ୍କର ବାକ୍ୟ ଶୁଣ; ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି: ଦେଖ, ଆମ୍ଭେ ତୁମ୍ଭ ମଧ୍ୟରେ ଅଗ୍ନି ଜ୍ୱଳାଇବା, ତାହା ତୁମ୍ଭ ମଧ୍ୟସ୍ଥିତ ପ୍ରତ୍ୟେକ ସତେଜ ଓ ଶୁଷ୍କ ବୃକ୍ଷକୁ ଗ୍ରାସ କରିବ; ସେହି ଜ୍ୱଳନ୍ତ ଅଗ୍ନିଶିଖା ନିର୍ବାପିତ ହେବ ନାହିଁ ଓ ଦକ୍ଷିଣଠାରୁ ଉତ୍ତର ପର୍ଯ୍ୟନ୍ତ ସମସ୍ତ ମୁଖ ତଦ୍ଦ୍ୱାରା ଦଗ୍ଧ ହେବ।
\s5
\v 48 ତହିଁରେ ଆମ୍ଭେ ସଦାପ୍ରଭୁ ସେହି ଅଗ୍ନି ଯେ ଜ୍ୱଳାଇଅଛୁ, ଏହା ସମସ୍ତ ପ୍ରାଣୀ ଦେଖିବେ, ତହିଁର ନିର୍ବାଣ ନୋହିବ।”
\v 49 ଏଥିରେ ମୁଁ କହିଲି, “ହେ ପ୍ରଭୁ, ସଦାପ୍ରଭୁ, ସେମାନେ ମୋ’ ବିଷୟରେ କହନ୍ତି, ସେ ଲୋକ କି ଦୃଷ୍ଟାନ୍ତ-ବାକ୍ୟବାଦୀ ନୁହେଁ ?”
\s5
\c 21
\s ସଦାପ୍ରଭୁଙ୍କ ନିଷ୍କୋଷ ଖଡ୍ଗ
\p
\v 1 ଏଥିଉତ୍ତାରେ ସଦାପ୍ରଭୁଙ୍କର ବାକ୍ୟ ମୋ’ ନିକଟରେ ଉପସ୍ଥିତ ହେଲା ଏବଂ ସେ କହିଲେ,
\v 2 “ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଯିରୂଶାଲମ ପ୍ରତି ଆପଣା ମୁଖ ରଖ, ପବିତ୍ର ସ୍ଥାନ ସମୂହର ପ୍ରତି ଆପଣା ବାକ୍ୟ ବର୍ଷଣ କର ଓ ଇସ୍ରାଏଲ ଦେଶ ବିରୁଦ୍ଧରେ ଭବିଷ୍ୟଦ୍‍-ବାକ୍ୟ ପ୍ରଚାର କର,
\v 3 ଆଉ, ଇସ୍ରାଏଲ ଦେଶକୁ କୁହ, ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ତୁମ୍ଭର ପ୍ରତିକୂଳ ଅଟୁ ଓ ଆମ୍ଭେ ଆପଣା ଖଡ୍ଗ କୋଷରୁ ବାହାର କରି ତୁମ୍ଭ ମଧ୍ୟରୁ ଧାର୍ମିକ ଓ ଦୁଷ୍ଟକୁ ବଧ କରିବା।
\s5
\v 4 ଆମ୍ଭେ ତୁମ୍ଭ ମଧ୍ୟରୁ ଧାର୍ମିକ ଓ ଦୁଷ୍ଟକୁ ବଧ କରିବା, ଏଥିପାଇଁ ଆମ୍ଭର ଖଡ୍ଗ କୋଷରୁ ବାହାରି ଦକ୍ଷିଣଠାରୁ ଉତ୍ତର ପର୍ଯ୍ୟନ୍ତ ସମସ୍ତ ପ୍ରାଣୀର ବିରୁଦ୍ଧରେ ଯିବ;
\v 5 ତହିଁରେ ସମସ୍ତ ପ୍ରାଣୀ ଜାଣିବେ ଯେ, ଆମ୍ଭେ ସଦାପ୍ରଭୁ ଆପଣା ଖଡ୍ଗ କୋଷରୁ ବାହାର କରିଅଛୁ; ତାହା ଆଉ ଫେରିବ ନାହିଁ।
\s5
\v 6 ଏହେତୁ ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଦୀର୍ଘ ନିଃଶ୍ୱାସ ଛାଡ଼; ତୁମ୍ଭେ ଆପଣା କଟୀ ଭାଙ୍ଗି ମନସ୍ତାପପୂର୍ବକ ସେମାନଙ୍କ ସାକ୍ଷାତରେ ଦୀର୍ଘ ନିଃଶ୍ୱାସ ଛାଡ଼ିବ।
\v 7 ଆଉ, ତୁମ୍ଭେ କାହିଁକି ଦୀର୍ଘ ନିଃଶ୍ୱାସ ଛାଡ଼ୁଅଛ ? ଏ କଥା ଯଦି ସେମାନେ ତୁମ୍ଭକୁ ପଚାରିବେ, ତେବେ ତୁମ୍ଭେ କହିବ, ସମ୍ବାଦ ସକାଶେ, କାରଣ ତାହା ଆସୁଅଛି; ତହିଁରେ ପ୍ରତ୍ୟେକ ହୃଦୟ ତରଳି ଯିବ ଓ ସକଳ ହସ୍ତ ଦୁର୍ବଳ ହେବ, ପ୍ରତ୍ୟେକ ମନ କ୍ଳାନ୍ତ ହେବ ଓ ସମସ୍ତ ଆଣ୍ଠୁ ଜଳ ପରି ହେବ; ଦେଖ, ତାହା ଆସୁଅଛି ଓ ତାହା ସିଦ୍ଧ ହେବ,” ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।
\s5
\v 8 ଏଥିଉତ୍ତାରେ ସଦାପ୍ରଭୁଙ୍କର ବାକ୍ୟ ମୋ’ ନିକଟରେ ଉପସ୍ଥିତ ହେଲା ଏବଂ ସେ କହିଲେ,
\v 9 “ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରି କୁହ, ସଦାପ୍ରଭୁ ଏହି କଥା କହନ୍ତି; କୁହ, ଖଡ୍ଗ, ଖଡ୍ଗ, ତାହା ଶାଣିତ ଓ ମଧ୍ୟ ମାର୍ଜିତ ହୋଇଅଛି;
\s5
\v 10 ହତ୍ୟା କରିବା ନିମନ୍ତେ ତାହା ଶାଣିତ ହୋଇଅଛି, ବିଜୁଳି ପରି ହେବା ପାଇଁ ତାହା ମାର୍ଜିତ ହୋଇଅଛି; ତେବେ ଆମ୍ଭେମାନେ କି ଆମୋଦ ପ୍ରମୋଦ କରିବା ? ଆମ୍ଭ ପୁତ୍ରର ରାଜଦଣ୍ଡ ଯାବତୀୟ କାଷ୍ଠକୁ ତୁଚ୍ଛ କରେ।
\v 11 ପୁଣି, ହାତରେ ଧରାଯିବା ନିମନ୍ତେ ତାହା ମାର୍ଜିତ ହେବା ପାଇଁ ଦିଆଯାଇଅଛି; ହନ୍ତାର ହସ୍ତରେ ଦେବା ନିମନ୍ତେ ଖଡ୍ଗ ଶାଣିତ ଓ ମାର୍ଜିତ ହୋଇଅଛି।
\s5
\v 12 ହେ ମନୁଷ୍ୟ-ସନ୍ତାନ, କ୍ରନ୍ଦନ ଓ ହାହାକାର କର; କାରଣ ତାହା ଆମ୍ଭର ଲୋକମାନଙ୍କ ବିରୁଦ୍ଧରେ, ଇସ୍ରାଏଲର ସମସ୍ତ ଅଧିପତିଗଣର ବିରୁଦ୍ଧରେ ଉପସ୍ଥିତ ହୋଇଅଛି; ସେମାନେ ଆମ୍ଭ ଲୋକମାନଙ୍କ ସହିତ ଖଡ୍ଗରେ ସମର୍ପିତ ହୋଇଅଛନ୍ତି, ଏଣୁ ତୁମ୍ଭେ ଆପଣା ଊରୁଦେଶରେ ଆଘାତ କର।
\v 13 କାରଣ ପରୀକ୍ଷା ଗୋଟିଏ ଅଛି, ପୁଣି, ସେହି ତୁଚ୍ଛକାରୀ ରାଜଦଣ୍ଡ ଆଉ ନ ରହେ, ତେବେ ତହିଁରେ ହିଁ କି ? ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।
\s5
\v 14 ଏହେତୁ ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କର ଓ ତୁମ୍ଭ ଦୁଇ ହସ୍ତ ଏକତ୍ର ମାର; ସେହି ଖଡ୍ଗ, ଆହତ ଲୋକମାନଙ୍କର ଖଡ୍ଗ ଦୁଇଗୁଣ, ତିନିଗୁଣ ହେଉ; ତାହା ଆହତ ମହତ ଲୋକର ଖଡ୍ଗ, ତାହା ସେମାନଙ୍କ ଭିତର କୋଠରିରେ ପ୍ରବେଶ କରେ।
\s5
\v 15 ସେମାନଙ୍କର ଅନ୍ତଃକରଣ ଯେପରି ତରଳି ଯାଏ ଓ ସେମାନଙ୍କର ଅନେକ ବିଘ୍ନ ଜନ୍ମେ, ଏଥିପାଇଁ ଆମ୍ଭେ ସେମାନଙ୍କର ସକଳ ନଗର-ଦ୍ୱାର ବିରୁଦ୍ଧରେ ଖଡ୍ଗର ଅଗ୍ରଭାଗ ରଖିଅଛୁ; ଆଃ ! ତାହା ବିଜୁଳି ତୁଲ୍ୟ ନିର୍ମିତ, ହତ୍ୟା କରିବା ନିମନ୍ତେ ତାହା ତୀକ୍ଷ୍ଣ କରାଯାଇଅଛି।
\v 16 ତୁମ୍ଭେ ଆପଣାକୁ ଏକତ୍ର କର, ଡାହାଣକୁ ଯାଅ, ଆପଣାକୁ ସଜାଇ ବାମ ପ୍ରତି ଯାଅ; ଯେକୌଣସି ପ୍ରତି ତୁମ୍ଭର ମୁଖ ରଖାଯାଇଅଛି (ଆପଣାକୁ ପ୍ରସ୍ତୁତ କର)।
\v 17 ଆମ୍ଭେ ମଧ୍ୟ ଆପଣାର ଦୁଇ ହସ୍ତ ଏକତ୍ର ମାରିବା ଓ ଆମ୍ଭେ ଆପଣା କୋପକୁ ତୃପ୍ତ କରାଇବା,” ଆମ୍ଭେ ସଦାପ୍ରଭୁ ଏହା କହିଅଛୁ।
\s5
\v 18 ପୁନର୍ବାର ସଦାପ୍ରଭୁଙ୍କର ବାକ୍ୟ ମୋ’ ନିକଟରେ ଉପସ୍ଥିତ ହେଲା ଏବଂ ସେ କହିଲେ,
\v 19 “ହେ ମନୁଷ୍ୟ-ସନ୍ତାନ, ବାବିଲ ରାଜାର ଖଡ୍ଗ ଆସିବା ପାଇଁ ତୁମ୍ଭେ ଆହୁରି ଦୁଇ ପଥ ନିରୂପଣ କର; ସେ ଦୁଇ ପଥ ଏକ ଦେଶରୁ ଆସିବ; ଆଉ, ତୁମ୍ଭେ ଏକ ସ୍ଥାନ ଚିହ୍ନିତ କର, ନଗରଗାମୀ ପଥ-ମୁଣ୍ଡରେ ଚିହ୍ନିତ କର।
\v 20 ଅମ୍ମୋନ ସନ୍ତାନଗଣର ରବ୍ବାକୁ ଓ ପ୍ରାଚୀର-ବେଷ୍ଟିତ ଯିରୂଶାଲମସ୍ଥ ଯିହୁଦାକୁ ଖଡ୍ଗ ଆସିବା ନିମନ୍ତେ ତୁମ୍ଭେ ପଥ ପ୍ରସ୍ତୁତ କର।
\s5
\v 21 କାରଣ ବାବିଲ ରାଜା ମନ୍ତ୍ର ପାଠ କରିବା ନିମନ୍ତେ ଦୁଇ ପଥର ସଙ୍ଗମ ସ୍ଥାନରେ, ଅର୍ଥାତ୍‍, ଦୁଇ ପଥର ମୁଣ୍ଡରେ ଠିଆ ହେଲା; ସେ ତୀରସବୁ ଏଣେତେଣେ ହଲାଇଲା, ସେ ଠାକୁରମାନଙ୍କୁ ମନ୍ତ୍ରଣା ପଚାରିଲା, ସେ ଯକୃତ ନିରୀକ୍ଷଣ କଲା।
\v 22 ତାହାର ଦକ୍ଷିଣ ହସ୍ତରେ ଯିରୂଶାଲମ ନାମରେ, ଅର୍ଥାତ୍‍, ସେହି ସ୍ଥାନରେ ପ୍ରାଚୀର-ଭେଦକ ଯନ୍ତ୍ର ସ୍ଥାପନ କରିବାକୁ, ବଧଆଜ୍ଞା ଦେବାକୁ, ଉଚ୍ଚସ୍ୱରରେ ସିଂହନାଦ କରିବାକୁ, ନଗରର ଦ୍ୱାରସମୂହର ବିରୁଦ୍ଧରେ ପ୍ରାଚୀର-ଭେଦକ ଯନ୍ତ୍ର ସ୍ଥାପନ କରିବାକୁ, ବନ୍ଧ ବାନ୍ଧିବାକୁ ଓ ଦୁର୍ଗ ନିର୍ମାଣ କରିବାକୁ ଯିରୂଶାଲମର ନାମରେ ମନ୍ତ୍ର ଉଠିଲା।
\v 23 ମାତ୍ର ସେମାନଙ୍କ ପ୍ରତି, ଅର୍ଥାତ୍‍, ଯେଉଁମାନେ ଥରକୁଥର ସେମାନଙ୍କ ନିକଟରେ ଶପଥ କରିଅଛନ୍ତି, ସେମାନଙ୍କ ଦୃଷ୍ଟିରେ ତାହା ମିଥ୍ୟା ବୋଧ ହେବ; ତଥାପି ସେମାନେ ଯେପରି ଧରାଯିବେ, ଏଥିପାଇଁ ସେ ସେମାନଙ୍କର ଅଧର୍ମ ସ୍ମରଣରେ ଆଣିବେ।
\s5
\v 24 ଏହେତୁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭମାନଙ୍କର ଆଜ୍ଞା-ଲଘଂନସବୁ ଅନାବୃତ ହେବାରେ ତୁମ୍ଭେମାନେ ଆପଣାମାନଙ୍କର ଅଧର୍ମ ସ୍ମରଣ କରାଇଅଛ, ଏଥିପାଇଁ ତୁମ୍ଭମାନଙ୍କର ସକଳ କ୍ରିୟାରେ ତୁମ୍ଭମାନଙ୍କର ପାପ ପ୍ରକାଶ ପାଏ; ତୁମ୍ଭେମାନେ ସ୍ମରଣରେ ଆସିବାରୁ ତୁମ୍ଭେମାନେ ହସ୍ତରେ ଧରାଯିବ।”
\s5
\v 25 ପୁଣି, ହେ ଆହତ ଦୁଷ୍ଟ ଇସ୍ରାଏଲୀୟ ଅଧିପତି, ଅନ୍ତିମ ଅପରାଧ ସମୟରେ ତୁମ୍ଭର ଦିନ ଉପସ୍ଥିତ ହୋଇଅଛି;
\v 26 ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; “ଶିରୋଭୂଷଣ ଦୂର କର, ରାଜମୁକୁଟ କାଢ଼ି ପକାଅ; ଏହା ସେହିପରି ଆଉ ରହିବ ନାହିଁ; ଯାହା ନୀଚ, ତାହାକୁ ଉଚ୍ଚ କର ଓ ଯାହା ଉଚ୍ଚ, ତାହାକୁ ନୀଚ କର।”
\v 27 ଆମ୍ଭେ ତାହା ଓଲଟାଇ ପକାଇବା, ଓଲଟାଇ ପକାଇବା, ଓଲଟାଇ ପକାଇବା; ଯେ ଅଧିକାରୀ ଅଟନ୍ତି, ସେ ନ ଆସିବା ପର୍ଯ୍ୟନ୍ତ ଏହା ମଧ୍ୟ ଆଉ ରହିବ ନାହିଁ, ତହୁଁ ଆମ୍ଭେ ତାହାଙ୍କୁ ଏହା ଦେବା।
\s5
\v 28 ପୁଣି ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରି କୁହ, ପ୍ରଭୁ, ସଦାପ୍ରଭୁ ଅମ୍ମୋନ-ସନ୍ତାନଗଣ ବିଷୟରେ ଓ ସେମାନଙ୍କ ଅପମାନ ବିଷୟରେ ଏହି କଥା କହନ୍ତି; ତୁମ୍ଭେ କୁହ, ଅନ୍ତିମ ଅଧର୍ମ ସମୟରେ ଯେଉଁମାନଙ୍କର ଦିନ ଉପସ୍ଥିତ ହୋଇଅଛି, ଏପରି ଆହତ ଦୁଷ୍ଟ ଲୋକମାନଙ୍କର ଗ୍ରୀବା ଉପରେ ତୁମ୍ଭକୁ ଥୋଇବା ନିମନ୍ତେ ଲୋକମାନେ ତୁମ୍ଭ ପାଇଁ ଅସାର ଦର୍ଶନ ପାଇଲେ ହେଁ ଓ ତୁମ୍ଭ ନିକଟରେ ମିଥ୍ୟା ମନ୍ତ୍ର ପାଠ କଲେ ହେଁ,
\v 29 ଖଡ୍ଗ, ଖଡ୍ଗ ନିଷ୍କୋଷ ହୋଇଅଛି, ହତ୍ୟା ଓ ଗ୍ରାସ କରିବା ନିମନ୍ତେ ତାହା ଯେପରି ବିଦ୍ୟୁତ ପରି ହେବ, ଏଥିପାଇଁ ତାହା ମାର୍ଜ୍ଜିତ ହୋଇଅଛି।
\s5
\v 30 ତାକୁ ପୁନର୍ବାର ତାହାର କୋଷକୁ ଫେରାଇ ଆଣ। ତୁମ୍ଭେ ଯେଉଁ ସ୍ଥାନରେ ସୃଷ୍ଟ ହୋଇଥିଲ ଓ ଯେଉଁ ଦେଶରେ ତୁମ୍ଭେ ଜନ୍ମ ହୋଇଥିଲ, ସେଠାରେ ଆମ୍ଭେ ତୁମ୍ଭର ବିଚାର କରିବା।
\v 31 ଆଉ, ଆମ୍ଭେ ତୁମ୍ଭ ଉପରେ ଆପଣା କ୍ରୋଧ ଢାଳିବା; ଆମ୍ଭେ ତୁମ୍ଭ ଉପରେ ଆପଣା କୋପରୂପ ଅଗ୍ନି ଫୁଙ୍କିବା; ପୁଣି, ଆମ୍ଭେ ପଶୁବତ୍‍ ଓ ବିନାଶ କରିବାକୁ ନିପୁଣ ଲୋକମାନଙ୍କ ହସ୍ତରେ ତୁମ୍ଭକୁ ସମର୍ପଣ କରିବା।
\s5
\v 32 ତୁମ୍ଭେ ଅଗ୍ନି ପାଇଁ ଜାଳ ସ୍ୱରୂପ ହେବ; ତୁମ୍ଭର ରକ୍ତ ଦେଶ ମଧ୍ୟରେ ପତିତ ହେବ; ତୁମ୍ଭେ ଆଉ ସ୍ମୃତି ପଥରେ ଆସିବ ନାହିଁ; କାରଣ ଆମ୍ଭେ ସଦାପ୍ରଭୁ ଏହା କହିଅଛୁ।”
\s5
\c 22
\s ଇସ୍ରାଏଲର ରକ୍ତପାତ
\p
\v 1 ଆହୁରି, ସଦାପ୍ରଭୁଙ୍କର ଏହି ବାକ୍ୟ ମୋ’ ନିକଟରେ ଉପସ୍ଥିତ ହେଲା ଏବଂ ସେ କହିଲେ,
\v 2 “ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ କି ବିଚାର କରିବ ? ତୁମ୍ଭେ କି ଏହି ରକ୍ତମୟୀ ନଗରୀର ବିଚାର କରିବ ? ତେବେ ତାହାର ଘୃଣାଯୋଗ୍ୟ କ୍ରିୟାସକଳ ତାହାକୁ ଜ୍ଞାତ କରାଅ।”
\v 3 ପୁଣି, ତୁମ୍ଭେ ତାହାକୁ କହିବ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ହେ ନଗରୀ ! ତୁମ୍ଭେ ଆପଣାର କାଳ ଉପସ୍ଥିତ କରାଇବା ନିମନ୍ତେ ଆପଣା ମଧ୍ୟରେ ରକ୍ତପାତ କରୁଅଛ ଓ ଆପଣାକୁ ଅଶୁଚି କରିବା ନିମନ୍ତେ ଆପଣା ପାଇଁ ପ୍ରତିମାଗଣ ନିର୍ମାଣ କରୁଅଛ।
\s5
\v 4 ତୁମ୍ଭେ ଯେଉଁ ରକ୍ତପାତ କରିଅଛ, ତଦ୍ଦ୍ୱାରା ଦୋଷୀ ହୋଇଅଛ ଓ ତୁମ୍ଭେ ଯେଉଁ ପ୍ରତିମାଗଣ ନିର୍ମାଣ କରିଅଛ, ତଦ୍ଦ୍ୱାରା ଅଶୁଚି ହୋଇଅଛ; ଆଉ, ତୁମ୍ଭେ ଆପଣାର ଦିନ ନିକଟବର୍ତ୍ତୀ କରାଇଅଛ ଓ ମଧ୍ୟ ଆପଣା ଆୟୁର ଶେଷାଂଶରେ ଉପସ୍ଥିତ ହୋଇଅଛ; ଏଣୁ ଆମ୍ଭେ ତୁମ୍ଭକୁ ଗୋଷ୍ଠୀଗଣ ନିକଟରେ ନିନ୍ଦାର ପାତ୍ର ଓ ସବୁ ଦେଶ ନିକଟରେ ପରିହାସର ପାତ୍ର କରିଅଛୁ।
\v 5 ହେ ଦୁର୍ନାମୀ ଓ କଳହପୂର୍ଣ୍ଣେ, ତୁମ୍ଭର ନିକଟସ୍ଥ ଓ ଦୂରସ୍ଥ ସମସ୍ତେ ତୁମ୍ଭକୁ ପରିହାସ କରିବେ।
\s5
\v 6 ଦେଖ, ଇସ୍ରାଏଲର ଅଧିପତିଗଣ ପ୍ରତ୍ୟେକେ ଆପଣା ଆପଣା ପରାକ୍ରମ ଅନୁସାରେ ରକ୍ତପାତ କରିବା ନିମନ୍ତେ ତୁମ୍ଭ ମଧ୍ୟରେ ରହିଅଛନ୍ତି।
\v 7 ତୁମ୍ଭ ମଧ୍ୟରେ ଲୋକମାନେ ପିତାମାତାଙ୍କୁ ଅବଜ୍ଞା କରିଅଛନ୍ତି; ତୁମ୍ଭ ମଧ୍ୟରେ ଲୋକମାନେ ବିଦେଶୀ ପ୍ରତି ଉପଦ୍ରବ କରିଅଛନ୍ତି; ତୁମ୍ଭ ମଧ୍ୟରେ ଲୋକମାନେ ପିତୃହୀନ ଓ ବିଧବା ପ୍ରତି ଅନ୍ୟାୟ କରିଅଛନ୍ତି।
\v 8 ତୁମ୍ଭେ ଆମ୍ଭର ପବିତ୍ର ବସ୍ତୁସକଳ ତୁଚ୍ଛ କରିଅଛ ଓ ଆମ୍ଭର ବିଶ୍ରାମ ଦିନସବୁ ଅପବିତ୍ର କରିଅଛ।
\v 9 ରକ୍ତପାତ କରିବା ପାଇଁ ନିନ୍ଦକମାନେ ତୁମ୍ଭ ମଧ୍ୟରେ ରହିଅଛନ୍ତି ଓ ତୁମ୍ଭ ମଧ୍ୟରେ ଲୋକମାନେ ପର୍ବତ ଉପରେ ଭୋଜନ କରିଅଛନ୍ତି; ତୁମ୍ଭ ମଧ୍ୟରେ ଲୋକମାନେ ଲମ୍ପଟାଚରଣ କରିଅଛନ୍ତି।
\s5
\v 10 ତୁମ୍ଭ ମଧ୍ୟରେ ଲୋକମାନେ ଆପଣା ଆପଣା ପିତାର ଆବରଣୀୟ ଅନାବୃତ କରିଅଛନ୍ତି;
\f +
\fr 22:10
\fq ଆବରଣୀୟ ଅନାବୃତ କରିଅଛନ୍ତି;
\ft ଅର୍ଥାତ୍ ସ୍ତ୍ରୀ ସହ ଶୟନ କରିଅଛନ୍ତି
\f* ତୁମ୍ଭ ମଧ୍ୟରେ ଲୋକମାନେ ଋତୁ ସମୟରେ ଅଶୁଚି ଥିବା ସ୍ତ୍ରୀକୁ ବଳାତ୍କାର କରିଅଛନ୍ତି।
\v 11 ପୁଣି, କେହି କେହି ଆପଣା ପ୍ରତିବାସୀର ଭାର୍ଯ୍ୟା ସଙ୍ଗେ ଘୃଣାଯୋଗ୍ୟ କର୍ମ କରିଅଛନ୍ତି, ପୁଣି, ଅନ୍ୟ କେହି କେହି ଲମ୍ପଟତାପୂର୍ବକ ଆପଣା ପୁତ୍ରବଧୂକୁ ଅଶୁଚି କରିଅଛନ୍ତି; ଆଉ, ତୁମ୍ଭ ମଧ୍ୟରେ ଅନ୍ୟ କେହି କେହି ଆପଣା ଆପଣା ଭଗିନୀକୁ, ଆପଣା ପିତାର କନ୍ୟାକୁ ବଳାତ୍କାର କରିଅଛନ୍ତି।
\v 12 ତୁମ୍ଭ ମଧ୍ୟରେ ଲୋକମାନେ ରକ୍ତପାତ କରିବା ପାଇଁ ଲାଞ୍ଚ ନେଇ ଅଛନ୍ତି; ତୁମ୍ଭେ ସୁଧ ଓ ବୃଦ୍ଧି ଗ୍ରହଣ କରିଅଛ, ଆଉ ତୁମ୍ଭେ ଲୋଭରେ ଉପଦ୍ରବ କରି ଆପଣା ପ୍ରତିବାସୀଠାରୁ ଲାଭ ନେଇଅଛ,” ପୁଣି, ଆମ୍ଭକୁ ପାସୋରିଅଛ, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।
\s5
\v 13 “ଏଥିପାଇଁ ଦେଖ, ତୁମ୍ଭର ଅନ୍ୟାୟ ଲାଭ ଓ ତୁମ୍ଭ ମଧ୍ୟରେ ଯେଉଁ ରକ୍ତପାତ ହୋଇଅଛି, ତହିଁ ନିମନ୍ତେ ଆମ୍ଭେ ଆପଣା ହସ୍ତ ଦେଇଅଛୁ।
\v 14 ଯେଉଁ ଦିନ ଆମ୍ଭେ ତୁମ୍ଭଠାରୁ ନିକାଶ ନେବା, ସେହି ଦିନ ତୁମ୍ଭ ଅନ୍ତଃକରଣ କି ସହି ପାରିବ, ଅବା ତୁମ୍ଭର ହସ୍ତ କି ସବଳ ହୋଇ ପାରିବ ? ଆମ୍ଭେ ସଦାପ୍ରଭୁ ଏହା କହିଅଛୁ ଓ ଏହା ସିଦ୍ଧ କରିବା।
\v 15 ପୁଣି, ଆମ୍ଭେ ନାନା ଗୋଷ୍ଠୀ ମଧ୍ୟରେ ତୁମ୍ଭକୁ ଛିନ୍ନ-ଭିନ୍ନ କରିବା ଓ ନାନା ଦେଶରେ ତୁମ୍ଭକୁ ନିକ୍ଷେପ କରିବା; ଆଉ, ଆମ୍ଭେ ତୁମ୍ଭର ଅଶୁଚିତା ତୁମ୍ଭଠାରୁ ନାଶ କରିବା।
\v 16 ଆଉ, ତୁମ୍ଭେ ଗୋଷ୍ଠୀଗଣର ସାକ୍ଷାତରେ ଆପଣା ସକାଶୁ ଅପବିତ୍ର ହେବ,” ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେ ଜାଣିବ।
\s5
\v 17 ଏଥିଉତ୍ତାରେ ସଦାପ୍ରଭୁଙ୍କର ବାକ୍ୟ ମୋ’ ନିକଟରେ ଉପସ୍ଥିତ ହେଲା ଏବଂ ସେ କହିଲେ,
\v 18 “ହେ ମନୁଷ୍ୟ-ସନ୍ତାନ, ଇସ୍ରାଏଲ ବଂଶ ଆମ୍ଭ ନିକଟରେ ଖାଦ ସ୍ୱରୂପ ହୋଇଅଛନ୍ତି; ସେମାନେ ସମସ୍ତେ ଉହ୍ମେଇ ମଧ୍ୟରେ ପିତ୍ତଳ, ଦସ୍ତା, ଲୁହା ଓ ସୀସା ସ୍ୱରୂପ ହୋଇଅଛନ୍ତି; ସେମାନେ ରୂପାର ଖାଦ ସ୍ୱରୂପ,”
\v 19 ଏହେତୁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; “ତୁମ୍ଭେ ସମସ୍ତେ ଖାଦ ସ୍ୱରୂପ ହୋଇଅଛ, ଏଥିପାଇଁ ଦେଖ, ଆମ୍ଭେ ତୁମ୍ଭମାନଙ୍କୁ ଯିରୂଶାଲମ ମଧ୍ୟରେ ଏକତ୍ର କରିବା।
\s5
\v 20 ଯେପରି ଲୋକମାନେ ଉହ୍ମେଇ ମଧ୍ୟରେ ରୂପା, ପିତ୍ତଳ ଓ ଲୁହା, ସୀସା ଓ ଦସ୍ତା ଏକତ୍ର କରି, ତରଳାଇବା ପାଇଁ ତହିଁ ଉପରେ ଅଗ୍ନି ରଖି ଫୁଙ୍କନ୍ତି; ସେହିପରି ଆମ୍ଭେ ତୁମ୍ଭମାନଙ୍କୁ ଆପଣା କ୍ରୋଧ ଓ ଆପଣା କୋପରେ ଏକତ୍ର କରି ସେହି ସ୍ଥାନରେ ରଖିବା ଓ ତୁମ୍ଭମାନଙ୍କୁ ତରଳାଇବା।
\v 21 ହଁ, ଆମ୍ଭେ ତୁମ୍ଭମାନଙ୍କୁ ଏକତ୍ର କରି ଆପଣା କ୍ରୋଧରୂପ ଅଗ୍ନିରେ ତୁମ୍ଭମାନଙ୍କୁ ଫୁଙ୍କିବା, ତହୁଁ ତୁମ୍ଭେମାନେ ତହିଁ ମଧ୍ୟରେ ତରଳି ଯିବ।
\v 22 ଯେପରି ରୂପା ଉହ୍ମେଇ ମଧ୍ୟରେ ତରଳା ଯାଏ, ସେହିପରି ତୁମ୍ଭେମାନେ ତହିଁ ମଧ୍ୟରେ ତରଳା ଯିବ; ତହିଁରେ ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କ ଉପରେ ଯେ ଆପଣା କୋପ ଢାଳିଅଛୁ, ଏହା ତୁମ୍ଭେମାନେ ଜାଣିବ।”
\s5
\v 23 ଏଥିଉତ୍ତାରେ ସଦାପ୍ରଭୁଙ୍କର ବାକ୍ୟ ମୋ’ ନିକଟରେ ଉପସ୍ଥିତ ହେଲା ଏବଂ ସେ କହିଲେ,
\v 24 “ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ତାହାକୁ କୁହ, ଯେଉଁ ଦେଶ ପରିଷ୍କୃତ ହୋଇ ନାହିଁ, କିଅବା କ୍ରୋଧର ଦିନରେ ଯହିଁ ଉପରେ ବୃଷ୍ଟି ହୋଇ ନାହିଁ, ତୁମ୍ଭେ ଏପରି ଦେଶ ଅଟ।
\v 25 ତାହାର ଭବିଷ୍ୟଦ୍‍ବକ୍ତାମାନେ ତହିଁ ମଧ୍ୟରେ ଚକ୍ରାନ୍ତ କରନ୍ତି, ସେମାନେ ମୃଗୟା ବିଦାରିବାକୁ ଉତ୍ସୁକ ଗର୍ଜ୍ଜନକାରୀ ସିଂହ ପରି; ସେମାନେ ପ୍ରାଣୀମାନଙ୍କୁ ଗ୍ରାସ କରିଅଛନ୍ତି; ସେମାନେ ଧନ ଓ ବହୁମୂଲ୍ୟ ବସ୍ତ୍ର ହରଣ କରନ୍ତି; ସେମାନେ ତହିଁ ମଧ୍ୟରେ ଅନେକଙ୍କୁ ବିଧବା କରିଅଛନ୍ତି।
\s5
\v 26 ତାହାର ଯାଜକମାନେ ଆମ୍ଭ ବ୍ୟବସ୍ଥା ପ୍ରତି ଦୌରାତ୍ମ୍ୟ କରିଅଛନ୍ତି ଓ ଆମ୍ଭର ପବିତ୍ର ବସ୍ତୁସବୁ ଅପବିତ୍ର କରିଅଛନ୍ତି; ସେମାନେ ପବିତ୍ର ଓ ସାମାନ୍ୟ ବିଷୟ ମଧ୍ୟରେ କିଛି ହିଁ ପ୍ରଭେଦ ରଖି ନାହାନ୍ତି, କିଅବା ଶୁଚି ଅଶୁଚି ମଧ୍ୟରେ ବିଶେଷ କରିବା ପାଇଁ ଲୋକମାନଙ୍କୁ ଶିଖାଇ ନାହାନ୍ତି, ପୁଣି, ଆମ୍ଭ ବିଶ୍ରାମ ଦିନ ପ୍ରତି ସେମାନଙ୍କ ଚକ୍ଷୁ ମୁଦ୍ରିତ କରିଅଛନ୍ତି, ଆଉ ଆମ୍ଭେ ସେମାନଙ୍କ ମଧ୍ୟରେ ଅପବିତ୍ରୀକୃତ ହେଉଅଛୁ।
\v 27 ତାହାର ଅଧିପତିମାନେ ଅନ୍ୟାୟ ଲାଭର ଚେଷ୍ଟାରେ ରକ୍ତପାତ ଓ ପ୍ରାଣୀମାନଙ୍କୁ ବିନାଶ କରିବା ପାଇଁ ମୃଗୟା ବିଦାରିବାକୁ ଉତ୍ସୁକ, କେନ୍ଦୁଆଗଣ ପରି ତହିଁ ମଧ୍ୟରେ ଅଛନ୍ତି।
\v 28 ପୁଣି, ତାହାର ଭବିଷ୍ୟଦ୍‍ବକ୍ତାମାନେ ଅସାର ଦର୍ଶନ ପାଇ ଓ ସଦାପ୍ରଭୁ କହି ନ ଥିଲେ ହେଁ, ପ୍ରଭୁ, ସଦାପ୍ରଭୁ ଏହି କଥା କହିଅଛନ୍ତି ବୋଲି ସେମାନଙ୍କ ନିକଟରେ ମିଥ୍ୟା ମନ୍ତ୍ର ପାଠ କରି ଅମିଶ୍ରିତ ମସଲାରେ ସେମାନଙ୍କ କାନ୍ଥ ଲେପନ କରିଅଛନ୍ତି।”
\s5
\v 29 ଦେଶସ୍ଥ ଲୋକମାନେ ଉପଦ୍ରବ କରିଅଛନ୍ତି ଓ ପରର ଦ୍ରବ୍ୟ ବଳପୂର୍ବକ ଅପହରଣ କରିଅଛନ୍ତି; ହଁ, ସେମାନେ ଦରିଦ୍ର ଓ ଦୀନହୀନକୁ କ୍ଳେଶ ଦେଇଅଛନ୍ତି ଓ ବିଦେଶୀ ପ୍ରତି ଅନ୍ୟାୟପୂର୍ବକ ଉପଦ୍ରବ କରିଅଛନ୍ତି।
\s5
\v 30 ପୁଣି, ଆମ୍ଭେ ଯେପରି ଦେଶ ବିନଷ୍ଟ ନ କରୁ, ଏଥିପାଇଁ ଯେ ପ୍ରାଚୀର ଦୃଢ଼ କରି ପାରିବ ଓ ଫାଟ ସ୍ଥାନରେ ଆମ୍ଭ ସମ୍ମୁଖରେ ଦେଶର ସପକ୍ଷରେ ଠିଆ ହେବ, ଏପରି ଏକ ପୁରୁଷ ଆମ୍ଭେ ଅନ୍ଵେଷଣ କଲୁ, ମାତ୍ର ଜଣେ ସୁଦ୍ଧା ପାଇଲୁ ନାହିଁ।
\v 31 ଏହେତୁ ଆମ୍ଭେ ସେମାନଙ୍କ ଉପରେ ଆପଣା କ୍ରୋଧ ଢାଳି ଦେଇଅଛୁ; ଆମ୍ଭେ ଆପଣା କୋପାଗ୍ନିରେ ସେମାନଙ୍କୁ ସଂହାର କରିଅଛୁ; ସେମାନଙ୍କ ନିଜ କାର୍ଯ୍ୟର ଫଳ ସେମାନଙ୍କର ମସ୍ତକରେ ବର୍ତ୍ତାଇଅଛୁ, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।
\s5
\c 23
\s ଦୁଇ ପାପୀଷ୍ଠା ଭଗିନୀ
\p
\v 1 ସଦାପ୍ରଭୁଙ୍କର ବାକ୍ୟ ପୁନର୍ବାର ମୋ’ ନିକଟରେ ଉପସ୍ଥିତ ହେଲା ଏବଂ ସେ କହିଲେ,
\v 2 “ହେ ମନୁଷ୍ୟ-ସନ୍ତାନ, ଦୁଇ ସ୍ତ୍ରୀ ଥିଲେ, ସେମାନେ ଏକ ମାତାର କନ୍ୟା;
\v 3 ପୁଣି, ସେମାନେ ମିସରରେ ବ୍ୟଭିଚାର କଲେ; ସେମାନେ ଯୌବନ କାଳରେ ବ୍ୟଭିଚାର କଲେ; ସେହି ସ୍ଥାନରେ ସେମାନଙ୍କର ସ୍ତନ ମର୍ଦ୍ଦିତ ହେଲା, ଆଉ ସେହି ସ୍ଥାନରେ ଲୋକମାନେ ସେମାନଙ୍କର କୌମାର୍ଯ୍ୟକାଳୀନ କୁଚାଗ୍ର ଚିପିଲେ।
\v 4 ସେମାନଙ୍କ ମଧ୍ୟରେ ଜ୍ୟେଷ୍ଠାର ନାମ ଅହଲା (ତାହାର ତମ୍ବୁ) ଓ ତାହାର ଭଗିନୀର ନାମ ଅହଲୀବା (ତାହାର ମଧ୍ୟରେ ଆମ୍ଭର ତମ୍ବୁ); ସେମାନେ ଆମ୍ଭର ହେଲେ ଓ ପୁତ୍ର କନ୍ୟା ପ୍ରସବ କଲେ। ପୁଣି, ନାମାନୁସାରେ ଶମରୀୟା ଅହଲା ଓ ଯିରୂଶାଲମ ଅହଲୀବା ଅଟେ।
\s5
\v 5 ଆଉ, ଅହଲା ଆମ୍ଭର ହୋଇଥିବା ସମୟରେ ବ୍ୟଭିଚାର କଲା ଓ ଆପଣାର ପ୍ରତିବାସୀ ଅଶୂରୀୟ ପ୍ରେମିକଗଣଠାରେ ଆସକ୍ତା ହେଲା,
\v 6 ସେମାନେ ନୀଳାମ୍ବର ପରିହିତ, ଦେଶାଧ୍ୟକ୍ଷ, ଶାସନକର୍ତ୍ତୃଗଣ ଓ ସମସ୍ତେ ମନୋହର ଯୁବା ଲୋକ ଓ ଅଶ୍ୱାରୋହୀ ଥିଲେ।
\v 7 ପୁଣି, ସେ ସେମାନଙ୍କର, ଅର୍ଥାତ୍‍, ଅଶୂରର ମନୋନୀତ ସକଳ ଲୋକଙ୍କ ସଙ୍ଗରେ ବ୍ୟଭିଚାର କଲା ଓ ସେ ଯେକୌଣସି ଲୋକ ପ୍ରତି ପ୍ରେମରେ ଆସକ୍ତ ଥିଲା, ତାହାର ପ୍ରତିମାଗଣ ଦ୍ୱାରା ଆପଣାକୁ ଭ୍ରଷ୍ଟା କଲା।
\s5
\v 8 ଆଉ, ସେ ମିସର ଦେଶର ସମୟଠାରୁ ଆପଣା ବ୍ୟଭିଚାର ବୃତ୍ତି ତ୍ୟାଗ କରି ନାହିଁ; କାରଣ ତାହାର ଯୌବନାବସ୍ଥାରେ ସେମାନେ ତାହା ସଙ୍ଗେ ଶୟନ କଲେ ଓ ତାହାର କୌମାର୍ଯ୍ୟକାଳୀନ କୁଚାଗ୍ର ଚିପିଲେ; ଆଉ, ତାହା ସହିତ ଅତିଶୟ ବ୍ୟଭିଚାର କଲେ।
\v 9 ଏଥିପାଇଁ ଆମ୍ଭେ ତାହାର ପ୍ରେମିକଗଣର ହସ୍ତରେ, ଅର୍ଥାତ୍‍, ଯେଉଁମାନଙ୍କ ପ୍ରତି ସେ ପ୍ରେମରେ ଆସକ୍ତା ହୋଇଥିଲା, ସେହି ଅଶୂରୀୟମାନଙ୍କ ହସ୍ତରେ ତାହାକୁ ସମର୍ପଣ କଲୁ।
\v 10 ସେମାନେ ତାହାର ଉଲଙ୍ଗତା ଅନାବୃତ କଲେ; ତାହାର ପୁତ୍ର ଓ କନ୍ୟାଗଣକୁ ନେଲେ ଓ ତାହାଙ୍କୁ ସେମାନେ ଖଡ୍ଗରେ ବଧ କଲେ; ତହିଁରେ ସେ ସ୍ତ୍ରୀମାନଙ୍କ ମଧ୍ୟରେ ଉପହାସର ବିଷୟ ହେଲା; କାରଣ ଲୋକମାନେ ତାହା ଉପରେ ଦଣ୍ଡାଜ୍ଞା ସଫଳ କଲେ।
\s5
\v 11 ଆଉ, ତାହାର ଭଗିନୀ ଅହଲୀବା ଏହା ଦେଖିଲା; ତଥାପି ଆପଣା ପ୍ରେମାସକ୍ତିରେ ଓ ବେଶ୍ୟା କ୍ରିୟାରେ ତାହା ଅପେକ୍ଷା ଅଧିକ ଭ୍ରଷ୍ଟା ହେଲା, ତାହାର ଭଗିନୀର ବେଶ୍ୟା କ୍ରିୟା ଅପେକ୍ଷା ତାହାର ବେଶ୍ୟା କ୍ରିୟା ଅଧିକ ଥିଲା।
\v 12 ସେ ଆପଣା ପ୍ରତିବାସୀ ଅଶୂରୀୟ ଦେଶାଧ୍ୟକ୍ଷ ଓ ଶାସନକର୍ତ୍ତୃଗଣ ପ୍ରତି ପ୍ରେମରେ ଆସକ୍ତା ହେଲା, ସେମାନେ ଅତ୍ୟନ୍ତ ସୁନ୍ଦର ବସ୍ତ୍ର ପରିହିତ, ଅଶ୍ୱାରୋହୀ ଓ ସମସ୍ତେ ମନୋହର ଯୁବା ଲୋକ ଥିଲେ।
\v 13 ଆଉ, ଆମ୍ଭେ ଦେଖିଲୁ, ସେ ଭ୍ରଷ୍ଟା ହେଲା; ସେ ଦୁହେଁ ଏକ ପଥଗାମିନୀ ହେଲେ।
\s5
\v 14 ପୁଣି, ସେ ଆପଣା ବେଶ୍ୟା କ୍ରିୟା ବଢ଼ାଇଲା; କାରଣ ସେ କାନ୍ଥରେ ଚିତ୍ରିତ ପୁରୁଷମାନଙ୍କର, ଅର୍ଥାତ୍‍, କଲ୍‍ଦୀୟମାନଙ୍କର ସିନ୍ଦୂରଚିତ୍ରିତ ମୂର୍ତ୍ତି ଦେଖିଲା,
\v 15 ସେମାନଙ୍କ କଟୀରେ ପଟୁକା ବନ୍ଧା, ମସ୍ତକରେ ରଙ୍ଗ ଚିତ୍ରିତ ଭୂଷଣ ଥିଲା, ସେମାନେ ସମସ୍ତେ ଦେଖିବାକୁ କଲ୍‍ଦୀୟ ଦେଶଜାତ ବାବିଲୀୟମାନଙ୍କ ରୂପବିଶିଷ୍ଟ ଅଧିପତିଗଣର ତୁଲ୍ୟ ଥିଲେ।
\s5
\v 16 ପୁଣି, ସେ ସେମାନଙ୍କୁ ଦେଖିବା ମାତ୍ର ସେମାନଙ୍କ ପ୍ରତି ପ୍ରେମରେ ଆସକ୍ତା ହେଲା ଓ କଲ୍‍ଦୀୟ ଦେଶକୁ ସେମାନଙ୍କ ନିକଟକୁ ବାର୍ତ୍ତାବାହକ ପଠାଇଲା।
\v 17 ତହିଁରେ ବାବିଲୀୟ ଲୋକମାନେ ତାହାର ନିକଟକୁ ଆସି ପ୍ରେମ ଶଯ୍ୟାରେ ଶୟନ କଲେ ଓ ଆପଣମାନଙ୍କର ବ୍ୟଭିଚାର କ୍ରିୟା ଦ୍ୱାରା ତାହାକୁ ଅଶୁଚି କଲେ, ପୁଣି, ସେମାନଙ୍କ ଦ୍ୱାରା ଭ୍ରଷ୍ଟା ହେଲା ଉତ୍ତାରେ ତାହାର ପ୍ରାଣ ସେମାନଙ୍କଠାରୁ ବିମୁଖ ହେଲା।
\s5
\v 18 ଏହିରୂପେ ସେ ଆପଣା ବେଶ୍ୟା କ୍ରିୟା ପ୍ରକାଶ କଲା ଓ ଆପଣା ଉଲଙ୍ଗତା ଅନାବୃତ କଲା; ତହୁଁ ଆମ୍ଭର ପ୍ରାଣ ଯେପରି ତାହାର ଭଗିନୀଠାରୁ ବିମୁଖ ହୋଇଥିଲା, ସେହିପରି ତାହାଠାରୁ ମଧ୍ୟ ବିମୁଖ ହେଲା।
\v 19 ତଥାପି ସେ ଆପଣା ଯୌବନ କାଳରେ ମିସର ଦେଶରେ ଯେଉଁ ବେଶ୍ୟା କର୍ମ କରିଥିଲା, ତାହା ସ୍ମରଣ କରି ଆପଣାର ବେଶ୍ୟା କ୍ରିୟା ବଢ଼ାଇଲା।
\s5
\v 20 ଆଉ, ଗର୍ଦ୍ଦଭଗଣର ପରି ମାଂସବିଶିଷ୍ଟ ଓ ଅଶ୍ୱଗଣର ପରି ରେତଃବିଶିଷ୍ଟ, ସେମାନଙ୍କ ଉପପତିମାନଙ୍କଠାରେ ସେ ଆସକ୍ତା ହେଲା।
\v 21 ଏହି ପ୍ରକାରେ ମିସ୍ରୀୟମାନେ ଯେଉଁ ସମୟରେ ଯୌବନକାଳୀନ ସ୍ତନ ବୋଲି ତୁମ୍ଭର କୁଚାଗ୍ର ଚିପିଥିଲେ, ତୁମ୍ଭେ ଆପଣା ଯୌବନ କାଳର ସେହି ଲମ୍ପଟାଚରଣ ସ୍ମରଣ କରୁଅଛ।
\s5
\v 22 ଏନିମନ୍ତେ ହେ ଅହଲୀବା, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଯେଉଁମାନଙ୍କଠାରୁ ତୁମ୍ଭର ପ୍ରାଣ ବିମୁଖ ହୋଇଅଛି, ତୁମ୍ଭର ସେହି ପ୍ରେମିକମାନଙ୍କୁ ଆମ୍ଭେ ତୁମ୍ଭ ବିରୁଦ୍ଧରେ ଉଠାଇବା ଓ ଚତୁର୍ଦ୍ଦିଗରୁ ସେମାନଙ୍କୁ ତୁମ୍ଭ ବିରୁଦ୍ଧରେ ଆଣିବା;
\v 23 ବାବିଲୋନୀୟମାନଙ୍କୁ ଓ ସମୁଦାୟ କଲ୍‍ଦୀୟ ଲୋକଙ୍କୁ, ପକୋଦ, ଶୋୟା, କୋୟା ଓ ସେମାନଙ୍କ ସଙ୍ଗେ ସମୁଦାୟ ଅଶୂରୀୟ ଲୋକଙ୍କୁ ଆଣିବା; ସେମାନେ ସମସ୍ତେ ମନୋହର ଯୁବା ଲୋକ। ଦେଶାଧ୍ୟକ୍ଷ ଓ ଶାସନକର୍ତ୍ତା, ଅଧିପତିଗଣ ଓ ବିଖ୍ୟାତ ଲୋକ, ସମସ୍ତେ ଅଶ୍ୱାରୋହୀ।
\s5
\v 24 ପୁଣି, ସେମାନେ ଅସ୍ତ୍ରଶସ୍ତ୍ର, ରଥ, ଶକଟ ଓ ଗୋଷ୍ଠୀଗଣର ସମାଜ ନେଇ ତୁମ୍ଭ ବିରୁଦ୍ଧରେ ଆସିବେ; ସେମାନେ ସାନ ଓ ବଡ଼ ଢାଲ ଓ ଟୋପର ଧରି ତୁମ୍ଭ ବିରୁଦ୍ଧରେ ଚତୁର୍ଦ୍ଦିଗରେ ଆପଣାମାନଙ୍କୁ ସଜାଇବେ; ଆଉ, ଆମ୍ଭେ ସେମାନଙ୍କ ହସ୍ତରେ ବିଚାରର ଭାର ସମର୍ପଣ କରିବା ଓ ସେମାନେ ଆପଣାମାନଙ୍କର ବିଚାରାନୁସାରେ ତୁମ୍ଭର ବିଚାର କରିବେ।
\v 25 ପୁଣି, ଆମ୍ଭେ ତୁମ୍ଭ ବିରୁଦ୍ଧରେ ଆମ୍ଭର ଅନ୍ତର୍ଜ୍ୱାଳା ରଖିବା, ତହିଁରେ ସେମାନେ କୋପରେ ତୁମ୍ଭ ପ୍ରତି ବ୍ୟବହାର କରିବେ; ସେମାନେ ତୁମ୍ଭର ନାସିକା ଓ କର୍ଣ୍ଣ କାଟି ପକାଇବେ ଓ ତୁମ୍ଭର ଅବଶିଷ୍ଟ ଲୋକମାନେ ଖଡ୍ଗରେ ପତିତ ହେବେ; ସେମାନେ ତୁମ୍ଭର ପୁତ୍ର କନ୍ୟାଗଣକୁ ନେଇଯିବେ ଓ ତୁମ୍ଭର ଅବଶିଷ୍ଟ ଲୋକମାନେ ଅଗ୍ନି ଦ୍ୱାରା ଗ୍ରାସିତ ହେବେ।
\s5
\v 26 ସେମାନେ ମଧ୍ୟ ତୁମ୍ଭକୁ ବିବସ୍ତ୍ରା କରିବେ ଓ ତୁମ୍ଭର ସୁନ୍ଦର ଅଳଙ୍କାରସବୁ ନେଇଯିବେ।
\v 27 ଏହିରୂପେ ଆମ୍ଭେ ତୁମ୍ଭର ଲମ୍ପଟାଚରଣ ଓ ମିସର ଦେଶରୁ ଶିକ୍ଷିତ ତୁମ୍ଭର ବ୍ୟଭିଚାର କ୍ରିୟା ନିବୃତ୍ତ କରାଇବା; ତହିଁରେ ତୁମ୍ଭେ ସେମାନଙ୍କ ପ୍ରତି ଆଉ ଅନାଇବ ନାହିଁ, କି ମିସରକୁ ଆଉ ସ୍ମରଣ କରିବ ନାହିଁ।
\s5
\v 28 କାରଣ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ଦେଖ, ଯେଉଁମାନଙ୍କୁ ତୁମ୍ଭେ ଘୃଣା କରୁଅଛ ଓ ଯେଉଁମାନଙ୍କଠାରୁ ତୁମ୍ଭର ପ୍ରାଣ ବିମୁଖ ହୋଇଅଛି, ସେମାନଙ୍କ ହସ୍ତରେ ଆମ୍ଭେ ତୁମ୍ଭକୁ ସମର୍ପଣ କରିବା;
\v 29 ତହିଁରେ ସେମାନେ ଘୃଣା ଭାବରେ ତୁମ୍ଭ ପ୍ରତି ବ୍ୟବହାର କରିବେ ଓ ତୁମ୍ଭର ସକଳ ପରିଶ୍ରମର ଫଳ ହରଣ କରିବେ, ଆଉ ତୁମ୍ଭକୁ ଉଲଙ୍ଗିନୀ ଓ ବିବସ୍ତ୍ର କରି ଛାଡ଼ି ଦେବେ; ତହିଁରେ ତୁମ୍ଭର ବ୍ୟଭିଚାର ଘଟିତ ଉଲଙ୍ଗତା, ତୁମ୍ଭର ଲମ୍ପଟାଚରଣ ଓ ବେଶ୍ୟା କ୍ରିୟା ପ୍ରକାଶିତ ହେବ।
\s5
\v 30 ତୁମ୍ଭେ ବେଶ୍ୟାର ନ୍ୟାୟ ଅନ୍ୟ ଦେଶୀୟମାନଙ୍କର ଅନୁଗାମିନୀ ହୋଇଅଛ ଓ ସେମାନଙ୍କର ପ୍ରତିମାଗଣ ଦ୍ୱାରା ଅଶୁଚୀକୃତ ହୋଇଅଛ, ଏଥିପାଇଁ ତୁମ୍ଭ ପ୍ରତି ଏହିସବୁ କରାଯିବ।
\v 31 ତୁମ୍ଭେ ଆପଣାର ଭଗିନୀର ପଥରେ ଗମନ କରିଅଛ; ଏଥିପାଇଁ ଆମ୍ଭେ ତାହାର ପାନପାତ୍ର ତୁମ୍ଭ ହସ୍ତରେ ଦେବା।
\s5
\v 32 ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭେ ଆପଣା ଭଗିନୀର ପାତ୍ରରେ ପାନ କରିବ, ତାହା ଗଭୀର ଓ ବଡ଼; ତୁମ୍ଭେ ହାସ୍ୟ ଓ ଉପହାସର ବିଷୟ ହେବ; ସେହି ପାତ୍ର ବହୁତ ଧାରଣ କରେ।
\s5
\v 33 ତୁମ୍ଭେ ମତ୍ତତା ଓ ଶୋକରେ ପରିପୂର୍ଣ୍ଣ ହେବ, ବିସ୍ମୟ ଓ ଧ୍ୱଂସରୂପ ପାତ୍ରରେ, ତୁମ୍ଭ ଭଗିନୀ ଶମରୀୟାର ପାତ୍ରରେ ପରିପୂର୍ଣ୍ଣ ହେବ।
\v 34 ତୁମ୍ଭେ ତାହା ନିଗାଡ଼ି ପାନ କରିବ ଓ ତହିଁର ଭଗ୍ନଖଣ୍ଡ ଚୋବାଇ ଆପଣା ସ୍ତନ ବିଦୀର୍ଣ୍ଣ କରିବ; କାରଣ ଆମ୍ଭେ ଏହା କହିଅଛୁ, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି;
\s5
\v 35 ଏହେତୁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭେ ଆମ୍ଭକୁ ପାସୋରିଅଛ ଓ ତୁମ୍ଭ ପଛଆଡ଼େ ଆମ୍ଭକୁ ପକାଇଅଛ, ଏଥିପାଇଁ ତୁମ୍ଭେ ମଧ୍ୟ ଆପଣା ଲମ୍ପଟାଚରଣ ଓ ବ୍ୟଭିଚାର କ୍ରିୟାର ଭାର ବହନ କର।”
\s5
\v 36 ସଦାପ୍ରଭୁ ଆହୁରି ମୋତେ କହିଲେ, “ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ କି ଅହଲାର ଓ ଅହଲୀବାର ବିଚାର କରିବ ? ତେବେ ସେମାନଙ୍କର ଘୃଣାଯୋଗ୍ୟ କ୍ରିୟାସବୁ ସେମାନଙ୍କୁ ଜ୍ଞାତ କରାଅ;
\v 37 କାରଣ ସେମାନେ ବ୍ୟଭିଚାର କରିଅଛନ୍ତି ଓ ସେମାନଙ୍କ ହସ୍ତରେ ରକ୍ତ ଅଛି ଓ ସେମାନେ ଆପଣାମାନଙ୍କ ପ୍ରତିମାଗଣ ସହିତ ବ୍ୟଭିଚାର କରିଅଛନ୍ତି; ଆଉ, ସେମାନେ ମଧ୍ୟ ଆମ୍ଭଠାରୁ ଜାତ ଆପଣା ସନ୍ତାନଗଣକୁ ଗ୍ରାସିତ ହେବା ନିମନ୍ତେ ସେମାନଙ୍କ ଉଦ୍ଦେଶ୍ୟରେ ଅଗ୍ନି ମଧ୍ୟ ଦେଇ ଗମନ କରାଇ ଅଛନ୍ତି।
\s5
\v 38 ଆହୁରି, ସେମାନେ ଆମ୍ଭ ପ୍ରତି ଏହି କାର୍ଯ୍ୟ କରିଅଛନ୍ତି; ସେମାନେ ଏକ ଦିନରେ ଆମ୍ଭର ଧର୍ମଧାମ ଅଶୁଚି ଓ ଆମ୍ଭର ବିଶ୍ରାମ ଦିନସବୁ ଅପବିତ୍ର କରିଅଛନ୍ତି।
\v 39 କାରଣ ସେମାନେ ଆପଣାମାନଙ୍କର ପ୍ରତିମାଗଣର ଉଦ୍ଦେଶ୍ୟରେ ଆପଣା ଆପଣା ସନ୍ତାନଗଣକୁ ବଧ କଲା ଉତ୍ତାରେ ସେହି ଦିନ ଆମ୍ଭର ଧର୍ମଧାମ ଅପବିତ୍ର କରିବା ପାଇଁ ତହିଁ ମଧ୍ୟକୁ ଆସିଲେ; ଆଉ, ଦେଖ, ସେମାନେ ଆମ୍ଭ ଗୃହ ମଧ୍ୟରେ ଏହି ପ୍ରକାର କରିଅଛନ୍ତି।
\s5
\v 40 ଆହୁରି, ଦୂରରୁ ଆସିବା ପୁରୁଷମାନଙ୍କ ପାଇଁ ତୁମ୍ଭେମାନେ ଲୋକ ପଠାଇଅଛ; ସେମାନଙ୍କ ନିକଟକୁ ଦୂତ ପ୍ରେରିତ ହେଲା, ଆଉ ଦେଖ, ସେମାନେ ଆସିଲେ; ସେମାନଙ୍କ ନିମନ୍ତେ ତୁମ୍ଭେ ସ୍ନାନ କଲ, ଚକ୍ଷୁରେ ଅଞ୍ଜନ ଦେଲ ଓ ଅଳଙ୍କାରରେ ଆପଣାକୁ ବିଭୂଷିତା କଲ;
\v 41 ପୁଣି, ରାଜକୀୟ ଶଯ୍ୟାରେ ବସି ତହିଁର ସମ୍ମୁଖରେ ମେଜ ସଜାଇ ତାହା ଉପରେ ଆମ୍ଭର ଧୂପ ଓ ଆମ୍ଭର ତୈଳ ରଖିଲ।
\s5
\v 42 ଆଉ, ତାହା ସଙ୍ଗେ ନିଶ୍ଚିନ୍ତ ଲୋକସମୂହର କଳରବ ଥିଲା ଓ ସାଧାରଣ ଲୋକଙ୍କ ସହିତ ପ୍ରାନ୍ତରରୁ ମଦ୍ୟପାୟୀମାନେ ଅଣାଗଲେ; ପୁଣି, ସେମାନେ ସେମାନଙ୍କ ହସ୍ତରେ କଙ୍କଣ ଓ ସେମାନଙ୍କ ମସ୍ତକରେ ସୁନ୍ଦର ମୁକୁଟ ପିନ୍ଧାଇଲେ।
\s5
\v 43 ତେବେ ବ୍ୟଭିଚାର କ୍ରିୟାରେ ଜୀର୍ଣ୍ଣା ସ୍ତ୍ରୀ ବିଷୟରେ ଆମ୍ଭେ କହିଲୁ, ଏବେ ସେମାନେ ତାହା ସଙ୍ଗେ ବ୍ୟଭିଚାର କାର୍ଯ୍ୟ କରିବେ ଓ ସେ ସେମାନଙ୍କ ସଙ୍ଗେ କରିବ।
\v 44 ପୁଣି, ଲୋକେ ଯେପରି ବେଶ୍ୟା ସହ ଶୟନ କରନ୍ତି, ସେହିପରି ସେମାନେ ତାହା ସହ ଶୟନ କଲେ; ଏହି ପ୍ରକାରେ ସେମାନେ ଅହଲା ଓ ଅହଲୀବା, ଏହି ଲମ୍ପଟା ସ୍ତ୍ରୀମାନଙ୍କ ସହ ଶୟନ କଲେ।
\v 45 ମାତ୍ର ଧାର୍ମିକ ଲୋକମାନେ ବ୍ୟଭିଚାରିଣୀ ଓ ରକ୍ତପାତକାରିଣୀ ସ୍ତ୍ରୀମାନଙ୍କର ବିଚାରାନୁସାରେ ସେମାନଙ୍କର ବିଚାର କରିବେ; ଯେହେତୁ ସେମାନେ ବ୍ୟଭିଚାରିଣୀ ଓ ସେମାନଙ୍କ ହସ୍ତରେ ରକ୍ତ ଅଛି।”
\s5
\v 46 କାରଣ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; “ଆମ୍ଭେ ସେମାନଙ୍କ ବିରୁଦ୍ଧରେ ଜନସମାଜ ଆଣିବା, ପୁଣି, ଏଣେତେଣେ ଟଳଟଳ ଓ ଲୁଟିତ ହେବା ପାଇଁ ସେମାନଙ୍କୁ ସମର୍ପଣ କରିବା।
\v 47 ପୁଣି, ସେହି ସମାଜ ସେମାନଙ୍କୁ ପ୍ରସ୍ତରାଘାତ କରିବେ ଓ ଖଡ୍ଗରେ ବଧ କରିବେ; ସେମାନେ ସେମାନଙ୍କର ପୁତ୍ର କନ୍ୟାଗଣକୁ ବଧ କରିବେ ଓ ସେମାନଙ୍କର ଗୃହସବୁ ଅଗ୍ନିରେ ଦଗ୍ଧ କରିବେ।
\s5
\v 48 ଏହିରୂପେ ଆମ୍ଭେ ଦେଶରୁ ଲମ୍ପଟାଚରଣ ନିବୃତ୍ତ କରାଇବା, ତହିଁରେ ସମୁଦାୟ ସ୍ତ୍ରୀଲୋକ ତୁମ୍ଭମାନଙ୍କର ଲମ୍ପଟପଣ ଅନୁସାରେ ଆଚରଣ ନ କରିବା ପାଇଁ ଶିକ୍ଷା ପାଇବେ।
\v 49 ପୁଣି, ଲୋକମାନେ ତୁମ୍ଭମାନଙ୍କ ଲମ୍ପଟାଚରଣର ପ୍ରତିଫଳ ତୁମ୍ଭମାନଙ୍କ ଉପରେ ବର୍ତ୍ତାଇବେ ଓ ତୁମ୍ଭେମାନେ ଆପଣାମାନଙ୍କର ପ୍ରତିମାଗଣ ସମ୍ବନ୍ଧୀୟ ପାପସକଳର ଭାର ବହିବ; ତହିଁରେ ଆମ୍ଭେ ଯେ ପ୍ରଭୁ, ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ।”
\s5
\c 24
\s କଳଙ୍କି ଧରିଥିବା ରନ୍ଧନ ପାତ୍ର
\p
\v 1 ପୁନର୍ବାର ନବମ ବର୍ଷର ଦଶମ ମାସରେ, ମାସର ଦଶମ ଦିନରେ ସଦାପ୍ରଭୁଙ୍କର ବାକ୍ୟ ମୋ’ ନିକଟରେ ଉପସ୍ଥିତ ହେଲା ଏବଂ ସେ କହିଲେ,
\v 2 “ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଦିନର ନାମ, ଅର୍ଥାତ୍‍, ଆଜି ଦିନର ନାମ ଲେଖି ରଖ; ଆଜି ଦିନରେ ବାବିଲର ରାଜା ଯିରୂଶାଲମ ନିକଟବର୍ତ୍ତୀ ହେଲା।
\s5
\v 3 ଏଣୁ ତୁମ୍ଭେ ଏହି ବିଦ୍ରୋହୀ ବଂଶର ଉଦ୍ଦେଶ୍ୟରେ ଗୋଟିଏ ଦୃଷ୍ଟାନ୍ତ କଥା କହି ସେମାନଙ୍କୁ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ହଣ୍ଡା ଚଢ଼ାଅ, ତାହା ଚଢ଼ାଅ ଓ ମଧ୍ୟ ତହିଁ ଭିତରେ ଜଳ ଢାଳି ଦିଅ;
\v 4 ମାଂସଖଣ୍ଡସବୁ, ଉତ୍ତମ ଉତ୍ତମ ଖଣ୍ଡସବୁ, ଊରୁ ଓ ସ୍କନ୍ଧ, ତହିଁ ଭିତରେ ଏକତ୍ର କର; ଭଲ ଭଲ ଅସ୍ଥିରେ ତାହା ପୂର୍ଣ୍ଣ କର।
\v 5 ପଲ ମଧ୍ୟରୁ ଉତ୍ତମ ପଶୁ ନିଅ ଓ ହଣ୍ଡା ତଳେ ଅସ୍ଥିସବୁ ସଜାଅ; ତାହା ଉତ୍ତମ ରୂପେ ସିଦ୍ଧ କର ଓ ଅସ୍ଥିସବୁ ତହିଁ ମଧ୍ୟରେ ପାକ ହେଉ।
\s5
\v 6 ଏହେତୁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ସେହି ରକ୍ତପୂର୍ଣ୍ଣା ନଗରୀ, ସେହି ହଣ୍ଡା, ଯହିଁର କଳଙ୍କ ତହିଁ ମଧ୍ୟରେ ଅଛି ଓ ଯହିଁର କଳଙ୍କ ତହିଁ ମଧ୍ୟରୁ ବାହାର ହୋଇ ନାହିଁ, ସେ ସନ୍ତାପର ପାତ୍ର ! ତୁମ୍ଭେ ଖଣ୍ଡ ଖଣ୍ଡ କରି ତାହା ବାହାର କର; ତହିଁ ବିଷୟରେ ଗୁଲିବାଣ୍ଟ କରାଯାଇ ନାହିଁ।
\s5
\v 7 କାରଣ ତାହାର ରକ୍ତ ତାହା ମଧ୍ୟରେ ଅଛି; ସେ ଶୁଷ୍କ ଶୈଳ ଉପରେ ତାହା ରଖିଲା; ସେ ଧୂଳିରେ ତାହା ଆଚ୍ଛାଦିତ କରିବା ପାଇଁ ଭୂମିରେ ତାହା ଢାଳିଲା ନାହିଁ;
\v 8 ସେ ରକ୍ତ ପ୍ରତିଶୋଧ ନେବା ନିମନ୍ତେ ଯେପରି କୋପକୁ ଉପସ୍ଥିତ କରାଇବ, ଏଥିପାଇଁ ଆଚ୍ଛାଦିତ ନୋହିବା ନିମନ୍ତେ ଆମ୍ଭେ ଶୁଷ୍କ ଶୈଳ ଉପରେ ତାହା ରଖିଅଛୁ।
\s5
\v 9 ଏହେତୁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ସେହି ରକ୍ତପୂର୍ଣ୍ଣା ନଗରୀ ସନ୍ତାପର ପାତ୍ର ! ଆମ୍ଭେ ମଧ୍ୟ ରାଶି ବଡ଼ କରିବା।
\v 10 କାଠ ଗଦା କର, ଅଗ୍ନି ଜ୍ୱଳାଅ, ମାଂସ ଉତ୍ତମ ରୂପେ ସିଦ୍ଧ କର, ଝୋଳ ବହଳ କର ଓ ଅସ୍ଥିସବୁ ଦଗ୍ଧ ହେଉ।
\s5
\v 11 ତହିଁରେ ହଣ୍ଡା ତପ୍ତ ହେବା ପାଇଁ, ତହିଁର ପିତଳ ଦଗ୍ଧ ହେବା ପାଇଁ ଓ ତହିଁର ମଇଳା ତହିଁ ମଧ୍ୟରେ ତରଳି ଯିବା ପାଇଁ ଓ କଳଙ୍କ କ୍ଷୟ ପାଇବା ପାଇଁ ତାହା ଖାଲି କର, ତାହା ଜ୍ୱଳନ୍ତା ଅଙ୍ଗାର ଉପରେ ରଖ।
\v 12 ସେ ପରିଶ୍ରମ କରି କରି ଆପଣାକୁ କ୍ଳାନ୍ତ କରିଅଛି; ତଥାପି ତାହାର ମହାକଳଙ୍କ ତାହା ମଧ୍ୟରୁ ଯାଏ ନାହିଁ; ତାହାର କଳଙ୍କ ଅଗ୍ନି ଦ୍ୱାରା ଯାଏ ନାହିଁ।
\s5
\v 13 ତୁମ୍ଭର ଅଶୌଚର ଲମ୍ପଟତା ଅଛି; ଆମ୍ଭେ ତୁମ୍ଭକୁ ଶୁଚି କଲେ ହେଁ ତୁମ୍ଭେ ଶୁଚି ହେଲ ନାହିଁ, ଏଥିପାଇଁ ତୁମ୍ଭ ଉପରେ ଆମ୍ଭେ ଆପଣା କୋପ ଶାନ୍ତ ନ କରିବା ପର୍ଯ୍ୟନ୍ତ ତୁମ୍ଭେ ଆପଣା ଅଶୌଚରୁ ଆଉ ଶୁଚୀକୃତ ନୋହିବ।
\s5
\v 14 ଆମ୍ଭେ ସଦାପ୍ରଭୁ ଏହା କହିଅଛୁ, ଏହା ସିଦ୍ଧ ହେବ ଓ ଆମ୍ଭେ ଏହା ସାଧନ କରିବା; ଆମ୍ଭେ ଫେରି ଯିବା ନାହିଁ, କିଅବା ଆମ୍ଭେ ଚକ୍ଷୁଲଜ୍ଜା କରିବା ନାହିଁ; ଅଥବା ଆମ୍ଭେ ଅନୁତାପ କରିବା ନାହିଁ; ତୁମ୍ଭର ଆଚରଣ ଅନୁସାରେ ଓ ତୁମ୍ଭର କ୍ରିୟାନୁସାରେ ସେମାନେ ତୁମ୍ଭର ବିଚାର କରିବେ,” ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।
\s ଭାବବାଦୀଙ୍କ ସ୍ତ୍ରୀଙ୍କ ମୃତ୍ୟୁୁ
\p
\s5
\v 15 ଆହୁରି, ସଦାପ୍ରଭୁଙ୍କର ବାକ୍ୟ ମୋ’ ନିକଟରେ ଉପସ୍ଥିତ ହେଲା ଏବଂ ସେ କହିଲେ,
\v 16 “ହେ ମନୁଷ୍ୟ-ସନ୍ତାନ, ଦେଖ, ଆମ୍ଭେ ତୁମ୍ଭ ନୟନର ପ୍ରୀତିପାତ୍ରକୁ ଏକ ଆଘାତରେ ହରଣ କରିବା; ତଥାପି ତୁମ୍ଭେ ବିଳାପ କି କ୍ରନ୍ଦନ କରିବ ନାହିଁ, କିଅବା ତୁମ୍ଭର ଚକ୍ଷୁରୁ ଲୋତକ ଧାର ବହିବ ନାହିଁ।
\v 17 ଦୀର୍ଘ ନିଃଶ୍ୱାସ ଛାଡ଼, ମାତ୍ର ଉଚ୍ଚ କରି ନୁହେଁ; ମୃତ ଲୋକ ପାଇଁ ବିଳାପ କର ନାହିଁ, ଆପଣା ମସ୍ତକରେ ଶିରୋଭୂଷଣ ବାନ୍ଧ ଓ ପାଦରେ ପାଦୁକା ପିନ୍ଧ, ତୁମ୍ଭର ଓଷ୍ଠାଧର ଆଚ୍ଛାଦନ କର ନାହିଁ, ପୁଣି, ଲୋକମାନଙ୍କର ରୁଟି ଖାଅ ନାହିଁ।”
\s5
\v 18 ତହିଁରେ ମୁଁ ପ୍ରାତଃକାଳରେ ଲୋକମାନଙ୍କ ସଙ୍ଗେ କଥା କହିଲି; ପୁଣି, ସନ୍ଧ୍ୟା ବେଳେ ମୋର ଭାର୍ଯ୍ୟା ମଲା, ତହିଁରେ ପ୍ରାତଃକାଳରେ ମୁଁ ଆଜ୍ଞାନୁସାରେ କର୍ମ କଲି।
\s5
\v 19 ତହୁଁ ଲୋକମାନେ ମୋତେ କହିଲେ, “ତୁମ୍ଭେ ଯେ ଏରୂପ କରୁଅଛ, ଏସବୁ ଆମ୍ଭମାନଙ୍କ ପ୍ରତି କଅଣ, ଏହା କି ଆମ୍ଭମାନଙ୍କୁ କହିବ ନାହିଁ ?
\v 20 ତହିଁରେ ମୁଁ ସେମାନଙ୍କୁ କହିଲି, ସଦାପ୍ରଭୁଙ୍କର ଏହି ବାକ୍ୟ ମୋ’ ନିକଟରେ ଉପସ୍ଥିତ ହେଲା,
\v 21 ତୁମ୍ଭେ ଇସ୍ରାଏଲ ବଂଶକୁ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ଦେଖ, ତୁମ୍ଭମାନଙ୍କର ବଳର ଦର୍ପସ୍ୱରୂପ, ତୁମ୍ଭମାନଙ୍କ ନୟନର ପ୍ରୀତିପାତ୍ର ଓ ତୁମ୍ଭମାନଙ୍କ ପ୍ରାଣର ସ୍ନେହପାତ୍ର, ଏପରି ଯେ ଆମ୍ଭର ଧର୍ମଧାମ, ଆମ୍ଭେ ତାହା ଅପବିତ୍ର କରିବା, ପୁଣି, ତୁମ୍ଭମାନଙ୍କର ଯେଉଁ ପୁତ୍ର କନ୍ୟାଗଣକୁ ତୁମ୍ଭେମାନେ ପଛରେ ଛାଡ଼ି ଯାଇଅଛ, ସେମାନେ ଖଡ୍ଗରେ ପତିତ ହେବେ।
\s5
\v 22 ତହିଁରେ ଆମ୍ଭେ ଯେପରି କରିଅଛୁ, ତୁମ୍ଭେମାନେ ସେହିପରି କରିବ; ତୁମ୍ଭେମାନେ ଆପଣା ଆପଣା ଓଷ୍ଠାଧର ଆଚ୍ଛାଦନ କରିବ ନାହିଁ, କିଅବା ଲୋକମାନଙ୍କର ରୁଟି ଖାଇବ ନାହିଁ।
\v 23 ପୁଣି, ତୁମ୍ଭମାନଙ୍କର ଶିରୋଭୂଷଣ ତୁମ୍ଭମାନଙ୍କ ମସ୍ତକରେ ଓ ତୁମ୍ଭମାନଙ୍କ ପାଦୁକା ତୁମ୍ଭମାନଙ୍କ ପାଦରେ ରହିବ; ତୁମ୍ଭେମାନେ ବିଳାପ କିମ୍ବା କ୍ରନ୍ଦନ କରିବ ନାହିଁ; ମାତ୍ର ତୁମ୍ଭେମାନେ ଆପଣା ଆପଣା ଅଧର୍ମରେ କ୍ଷୀଣ ହୋଇଯିବ ଓ ଏକ ଜଣ ଆରେକର ନିକଟରେ ବିଳାପ କରିବ।
\v 24 ଏହିରୂପେ ଯିହିଜିକଲ ତୁମ୍ଭମାନଙ୍କ ପ୍ରତି ଚିହ୍ନ ସ୍ୱରୂପ ହେବେ; ସେ ଯେପରି କରିଅଛନ୍ତି, ତୁମ୍ଭେମାନେ ସର୍ବପ୍ରକାରେ ସେହିପରି କରିବ; ଏହା ଯେତେବେଳେ ଘଟିବ, ସେତେବେଳେ ଆମ୍ଭେ ଯେ ପ୍ରଭୁ, ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ।”
\s5
\v 25 “ହେ ମନୁଷ୍ୟ-ସନ୍ତାନ, ଆମ୍ଭେ ଯେଉଁ ଦିନ ସେମାନଙ୍କର ବଳ, ସେମାନଙ୍କର ଗୌରବଜନକ ଆନନ୍ଦ, ସେମାନଙ୍କର ନୟନର ପ୍ରୀତିପାତ୍ର ଓ ଯହିଁରେ ସେମାନେ ଆପଣା ଚିତ୍ତ ଆସକ୍ତ କରନ୍ତି, ସେମାନଙ୍କର ପୁତ୍ର ଓ କନ୍ୟାଗଣ ସେମାନଙ୍କଠାରୁ ହରଣ କରିବା,
\v 26 ସେ ଦିନ ତାହା ତୁମ୍ଭ କର୍ଣ୍ଣଗୋଚର କରାଇବା ନିମନ୍ତେ ପଳାତକ ଲୋକ କି ତୁମ୍ଭ ନିକଟକୁ ଆସିବ ନାହିଁ ?
\v 27 ସେ ଦିନ ପଳାତକ ଲୋକ ନିକଟରେ ତୁମ୍ଭର ମୁଖ ଫିଟିଯିବ, ତହିଁରେ ତୁମ୍ଭେ ଆଉ ଘୁଙ୍ଗା ନ ହୋଇ କଥା କହିବ; ଏହିରୂପେ ତୁମ୍ଭେ ସେମାନଙ୍କ ପ୍ରତି ଚିହ୍ନ ସ୍ୱରୂପ ହେବ; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ।”
\s5
\c 25
\s ଅମ୍ମୋନ ବିରୁଦ୍ଧରେ ଭବିଷ୍ୟଦ୍‍ବାଣୀ
\p
\v 1 ଏଥିଉତ୍ତାରେ ସଦାପ୍ରଭୁଙ୍କର ବାକ୍ୟ ମୋ’ ନିକଟରେ ଉପସ୍ଥିତ ହେଲା ଏବଂ ସେ କହିଲେ,
\v 2 “ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଅମ୍ମୋନ-ସନ୍ତାନଗଣର ପ୍ରତି ଆପଣା ମୁଖ ରଖି ସେମାନଙ୍କ ବିରୁଦ୍ଧରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କର;
\s5
\v 3 ଆଉ, ଅମ୍ମୋନ-ସନ୍ତାନଗଣକୁ କୁହ, ତୁମ୍ଭେମାନେ ପ୍ରଭୁ, ସଦାପ୍ରଭୁଙ୍କର ବାକ୍ୟ ଶୁଣ; ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ଆମ୍ଭର ଧର୍ମଧାମ ଅପବିତ୍ରୀକୃତ ହେବା ବେଳେ ତାହା ବିରୁଦ୍ଧରେ ଓ ଇସ୍ରାଏଲ ଦେଶ ଧ୍ୱଂସିତ ହେବା ବେଳେ ତାହା ବିରୁଦ୍ଧରେ; ଆଉ, ଯିହୁଦା ବଂଶ ବନ୍ଦୀ ହୋଇ ଯିବା ବେଳେ ସେମାନଙ୍କ ବିରୁଦ୍ଧରେ, ଭଲ ହେଲା, ଭଲ ହେଲା, ବୋଲି ତୁମ୍ଭେ କହିଅଛ;
\v 4 ଏଥିପାଇଁ ଦେଖ, ଆମ୍ଭେ ତୁମ୍ଭକୁ ଅଧିକାର ରୂପେ ପୂର୍ବଦେଶୀୟ ସନ୍ତାନଗଣର ହସ୍ତରେ ସମର୍ପଣ କରିବା, ଆଉ ସେମାନେ ତୁମ୍ଭ ମଧ୍ୟରେ ଆପଣା ଆପଣା ଛାଉଣି ସ୍ଥାପନ କରିବେ ଓ ତୁମ୍ଭ ମଧ୍ୟରେ ଆପଣା ଆପଣା ବାସ ନିର୍ମାଣ କରିବେ; ସେମାନେ ତୁମ୍ଭର ଫଳ ଭୋଜନ କରିବେ ଓ ତୁମ୍ଭର ଦୁଗ୍ଧ ପାନ କରିବେ।
\v 5 ଆଉ, ଆମ୍ଭେ ରବ୍ବାକୁ ଉଷ୍ଟ୍ରଶାଳା କରିବା ଓ ଅମ୍ମୋନ-ସନ୍ତାନଗଣର ଦେଶକୁ ମେଷାଦି ପଲର ଶୟନ ସ୍ଥାନ କରିବା; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ।
\s5
\v 6 କାରଣ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭେ ଇସ୍ରାଏଲ ଦେଶ ବିରୁଦ୍ଧରେ କରତାଳି ଦେଇଅଛ, ପଦାଘାତ କରିଅଛ, ପୁଣି, ଆପଣା ପ୍ରାଣର ସମ୍ପୂର୍ଣ୍ଣ ଘୃଣା ଭାବରେ ଆନନ୍ଦ କରିଅଛ।
\v 7 ଏଥିପାଇଁ ଦେଖ, ଆମ୍ଭେ ତୁମ୍ଭ ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରିଅଛୁ ଓ ଲୁଟିତ ଦ୍ରବ୍ୟ ରୂପେ ଗୋଷ୍ଠୀବର୍ଗଙ୍କ ହସ୍ତରେ ତୁମ୍ଭକୁ ସମର୍ପଣ କରିବା; ପୁଣି, ଆମ୍ଭେ ଗୋଷ୍ଠୀବର୍ଗଙ୍କ ମଧ୍ୟରୁ ତୁମ୍ଭକୁ କାଟି ପକାଇବା ଓ ଦେଶସମୂହ ମଧ୍ୟରୁ ଆମ୍ଭେ ତୁମ୍ଭକୁ ଉଚ୍ଛିନ୍ନ କରିବା, ଆମ୍ଭେ ତୁମ୍ଭକୁ ସଂହାର କରିବା; ଆଉ, ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେ ଜାଣିବ।”
\s ମୋୟାବ ବିରୁଦ୍ଧରେ ଭବିଷ୍ୟଦ୍‍ବାଣୀ
\p
\s5
\v 8 ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ମୋୟାବ ଓ ସେୟୀର କହୁଅଛନ୍ତି, “ଦେଖ, ଯିହୁଦା ବଂଶ ଅନ୍ୟ ସକଳ ଗୋଷ୍ଠୀର ସମାନ,”
\v 9 ଏଥିପାଇଁ ଦେଖ, ଆମ୍ଭେ ନଗର ସମୂହଠାରୁ ମୋୟାବର ପାର୍ଶ୍ୱ ମୁକ୍ତ କରିବା, ଅର୍ଥାତ୍‍, ତାହାର ସୀମାନ୍ତବର୍ତ୍ତୀ ଓ ଦେଶର ଗୌରବ ସ୍ୱରୂପ ବେଥ୍-ଯିଶିମୋତ ବାଲ୍‍-ମୀୟୋନ୍‍ ଓ କିରୀୟାଥୟିମ୍‍ ପ୍ରତି,
\v 10 ପୂର୍ବଦେଶୀୟ ସନ୍ତାନଗଣର ପାଇଁ (ମୁକ୍ତ କରିବା), ସେମାନେ ଅମ୍ମୋନ-ସନ୍ତାନଗଣ ବିରୁଦ୍ଧରେ ଯାତ୍ରା କରିବେ, ପୁଣି, ଆମ୍ଭେ ସେମାନଙ୍କ ହସ୍ତରେ ଅମ୍ମୋନ-ସନ୍ତାନଗଣକୁ ଅଧିକାର ରୂପେ ସମର୍ପଣ କରିବା, ତହିଁରେ ଗୋଷ୍ଠୀଗଣ ମଧ୍ୟରେ ସେମାନେ ଆଉ ସ୍ମରଣ କରାଯିବେ ନାହିଁ;
\v 11 ଆମ୍ଭେ ମୋୟାବ ଉପରେ ଦଣ୍ଡାଜ୍ଞା ସଫଳ କରିବା; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ।
\s ଇଦୋମ ବିରୁଦ୍ଧରେ ଭବିଷ୍ୟଦ୍‍ବାଣୀ
\p
\s5
\v 12 ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; “ଇଦୋମ ପ୍ରତିଶୋଧ ନେବା ଦ୍ୱାରା ଯିହୁଦା ବଂଶ ବିରୁଦ୍ଧରେ ଦୁର୍ବ୍ୟବହାର କରିଅଛି ଓ ସେମାନଙ୍କ ଉପରେ ପ୍ରତିହିଂସା ସାଧି ଅତ୍ୟନ୍ତ ଅପରାଧ କରିଅଛି,”
\v 13 ଏଥିପାଇଁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, “ଆମ୍ଭେ ଇଦୋମ ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରିବା ଓ ତହିଁ ମଧ୍ୟରୁ ମନୁଷ୍ୟ ଓ ପଶୁକୁ ଉଚ୍ଛିନ୍ନ କରିବା; ଆଉ, ଆମ୍ଭେ ତୈମନ୍‍ଠାରୁ ତାହା ଧ୍ୱଂସର ସ୍ଥାନ କରିବା; ଦଦାନ ପର୍ଯ୍ୟନ୍ତ ହିଁ ଲୋକମାନେ ଖଡ୍ଗରେ ପତିତ ହେବେ।
\s5
\v 14 ପୁଣି, ଆମ୍ଭେ ଆପଣାର ଲୋକ ଇସ୍ରାଏଲର ହସ୍ତ ଦ୍ୱାରା ଆମ୍ଭର ପ୍ରତିଶୋଧରୂପ ଭାର ଇଦୋମର ଉପରେ ଥୋଇବା; ତହିଁରେ ସେମାନେ ଆମ୍ଭର କ୍ରୋଧ ଓ ଆମ୍ଭର କୋପ ଅନୁସାରେ ଇଦୋମ ମଧ୍ୟରେ କାର୍ଯ୍ୟ କରିବେ; ପୁଣି, ସେମାନେ ଆମ୍ଭର ଦତ୍ତ ପରିଶୋଧ ଜ୍ଞାତ ହେବେ,” ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।
\s ପଲେଷ୍ଟୀୟ ବିରୁଦ୍ଧରେ ଭବିଷ୍ୟଦ୍‍ବାଣୀ
\p
\s5
\v 15 ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; “ପଲେଷ୍ଟୀୟ ଲୋକମାନେ ପ୍ରତିହିଂସା ସାଧିବାର ବ୍ୟବହାର କରିଅଛନ୍ତି; ପୁଣି, ଚିର ଶତ୍ରୁତାରେ ବିନାଶ କରିବା ପାଇଁ ପ୍ରାଣର ଘୃଣାରେ ପ୍ରତିଶୋଧ ନେଇଅଛନ୍ତି,”
\v 16 ଏଥିପାଇଁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ପଲେଷ୍ଟୀୟମାନଙ୍କ ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରିବା, ଆଉ ଆମ୍ଭେ କରେଥୀୟ ଲୋକମାନଙ୍କୁ ଉଚ୍ଛିନ୍ନ କରିବା ଓ ସମୁଦ୍ର ତୀରସ୍ଥ ଅବଶିଷ୍ଟ ସକଳକୁ ନଷ୍ଟ କରିବା।
\v 17 ପୁଣି, ଆମ୍ଭେ ପ୍ରଚଣ୍ଡ ଭର୍ତ୍ସନା ସହିତ ସେମାନଙ୍କଠାରୁ ଭାରୀ ପ୍ରତିଶୋଧ ନେବା; ଆଉ, ଯେଉଁ ସମୟରେ ଆମ୍ଭେ ଆପଣା ଦତ୍ତ ପ୍ରତିଶୋଧର ଭାର ସେମାନଙ୍କ ଉପରେ ଥୋଇବା, ସେହି ସମୟରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ।
\s5
\c 26
\s ସୋର ବିରୁଦ୍ଧରେ ଭବିଷ୍ୟଦ୍‍ବାଣୀ
\p
\v 1 ଏଥିଉତ୍ତାରେ ଏକାଦଶ ବର୍ଷର ମାସର ପ୍ରଥମ ଦିନରେ ସଦାପ୍ରଭୁଙ୍କର ବାକ୍ୟ ମୋ’ ନିକଟରେ ଉପସ୍ଥିତ ହେଲା ଏବଂ ସେ କହିଲେ,
\v 2 “ହେ ମନୁଷ୍ୟ-ସନ୍ତାନ, ଯିରୂଶାଲମ ବିରୁଦ୍ଧରେ ସୋର ସହର କହିଅଛି, ଭଲ ହେଲା, ଭଲ ହେଲା, ଯେ ଗୋଷ୍ଠୀୟମାନଙ୍କର ନଗର-ଦ୍ୱାର ସ୍ୱରୂପ ଥିଲା, ସେ ଭଗ୍ନ ହୋଇ ଯାଇଅଛି; ସେ ଆମ୍ଭ ପ୍ରତି ଫେରିଅଛି; ସେ ଏବେ ଶୂନ୍ୟ ହେବାରୁ ଆମ୍ଭେ ପରିପୂର୍ଣ୍ଣ ହେବା;
\s5
\v 3 ଏଥିପାଇଁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ହେ ସୋର, ଦେଖ, ଆମ୍ଭେ ତୁମ୍ଭର ପ୍ରତିକୂଳ ଅଟୁ ଓ ସମୁଦ୍ର ଯେପରି ତରଙ୍ଗ ଉଠାଏ, ସେହିପରି ଆମ୍ଭେ ତୁମ୍ଭ ବିରୁଦ୍ଧରେ ଅନେକ ଗୋଷ୍ଠୀଙ୍କୁ ଉଠାଇବା।
\v 4 ତହିଁରେ ସେମାନେ ସୋରର ପ୍ରାଚୀର ନଷ୍ଟ କରିବେ ଓ ତାହାର ଦୁର୍ଗସବୁ ଭାଙ୍ଗି ପକାଇବେ, ଆମ୍ଭେ ମଧ୍ୟ ତାହାର ଧୂଳିସବୁ ଚାଞ୍ଛି ପକାଇ ତାକୁ ଶୁଷ୍କ ଶୈଳ କରିବା।
\s5
\v 5 ସେ ସମୁଦ୍ର ମଧ୍ୟରେ ଜାଲ ପ୍ରସାରିବାର ସ୍ଥାନ ହେବ; କାରଣ ପ୍ରଭୁ, ସଦାପ୍ରଭୁ କହନ୍ତି, ଆମ୍ଭେ ଏହା କହିଅଛୁ; ଆଉ, ସେ ଗୋଷ୍ଠୀୟମାନଙ୍କ ପ୍ରତି ଲୁଟିତ ଦ୍ରବ୍ୟ ସ୍ୱରୂପ ହେବ।
\v 6 ପୁଣି, କ୍ଷେତ୍ରସ୍ଥିତ ତାହାର କନ୍ୟାଗଣ ଖଡ୍ଗରେ ହତ ହେବେ; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ।
\s5
\v 7 କାରଣ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ଦେଖ, ଆମ୍ଭେ ଉତ୍ତର ଦିଗରୁ ଅଶ୍ୱ, ରଥ, ଅଶ୍ୱାରୋହୀଗଣ, ସମାଜ ଓ ଅନେକ ଲୋକ ସହିତ ରାଜାଧିରାଜ ବାବିଲର ରାଜା ନବୂଖଦ୍‍ନିତ୍ସରକୁ ସୋର ବିରୁଦ୍ଧରେ ଆଣିବା।
\v 8 ସେ କ୍ଷେତ୍ରସ୍ଥିତ ତୁମ୍ଭର କନ୍ୟାଗଣକୁ ଖଡ୍ଗରେ ବଧ କରିବ; ଆଉ, ସେ ତୁମ୍ଭ ବିରୁଦ୍ଧରେ ଦୁର୍ଗ ନିର୍ମାଣ କରିବ, ତୁମ୍ଭ ବିରୁଦ୍ଧରେ ବନ୍ଧ ବାନ୍ଧିବ ଓ ତୁମ୍ଭ ବିରୁଦ୍ଧରେ ଢାଲ ଉଠାଇବ।
\s5
\v 9 ପୁଣି, ସେ ତୁମ୍ଭ ପ୍ରାଚୀରରେ ଦୁର୍ଗଭେଦକ ଯନ୍ତ୍ର ସ୍ଥାପନ କରିବ ଓ ତାହାର ଅସ୍ତ୍ରଶସ୍ତ୍ର ଦ୍ୱାରା ସେ ତୁମ୍ଭର ଗଡ଼ସବୁ ଭାଙ୍ଗି ପକାଇବ।
\v 10 ତାହାର ଅଶ୍ୱଗଣର ବାହୁଲ୍ୟ ସକାଶୁ ସେମାନଙ୍କର ଧୂଳି ତୁମ୍ଭକୁ ଆଚ୍ଛାଦନ କରିବ; ଲୋକେ ଭଗ୍ନ ପ୍ରାଚୀର ବିଶିଷ୍ଟ ନଗରରେ ପ୍ରବେଶ କଲା ପରି, ଯେତେବେଳେ ସେ ତୁମ୍ଭ ନଗର-ଦ୍ୱାରରେ ପ୍ରବେଶ କରିବ, ସେତେବେଳେ ଅଶ୍ୱାରୋହୀଗଣର, ଶଗଡ଼ ଓ ରଥସମୂହର ଶବ୍ଦରେ ତୁମ୍ଭର ପ୍ରାଚୀରସବୁ କମ୍ପି ଉଠିବ।
\v 11 ସେ ଆପଣା ଅଶ୍ୱଗଣର ଖୁରାରେ ତୁମ୍ଭର ସଡ଼କସବୁ ଦଳି ପକାଇବ; ସେ ତୁମ୍ଭ ଲୋକମାନଙ୍କୁ ଖଡ୍ଗରେ ବଧ କରିବ ଓ ତୁମ୍ଭର ପରାକ୍ରମସୂଚକ ସ୍ତମ୍ଭସକଳ ଭୂମିସାତ୍‍ କରିବ।
\s5
\v 12 ପୁଣି, ସେମାନେ ତୁମ୍ଭ ସମ୍ପତ୍ତିସବୁ ଲୁଟି ନେବେ ଓ ତୁମ୍ଭର ବାଣିଜ୍ୟ ଦ୍ରବ୍ୟ ହରଣ କରିବେ; ଆଉ, ସେମାନେ ତୁମ୍ଭର ପ୍ରାଚୀର ଭାଙ୍ଗି ପକାଇବେ ଓ ତୁମ୍ଭର ମନୋରମ ଗୃହସବୁ ଧ୍ୱଂସ କରିବେ; ଆଉ, ସେମାନେ ତୁମ୍ଭର ପ୍ରସ୍ତର, କାଷ୍ଠ ଓ ଧୂଳିସବୁ ଜଳରେ ନିକ୍ଷେପ କରିବେ।
\v 13 ପୁଣି, ଆମ୍ଭେ ତୁମ୍ଭର ଗାୟନ ଶବ୍ଦ ନିବୃତ୍ତ କରାଇବା ଓ ତୁମ୍ଭ ବୀଣାର ଧ୍ୱନି ଆଉ ଶୁଣାଯିବ ନାହିଁ।
\v 14 ପୁଣି, ଆମ୍ଭେ ତୁମ୍ଭକୁ ଶୁଷ୍କ ଶୈଳ କରିବା; ତୁମ୍ଭେ ଜାଲ ପ୍ରସାରିବାର ସ୍ଥାନ ହେବ; ତୁମ୍ଭେ ଆଉ ନିର୍ମିତ ନୋହିବ କାରଣ ଆମ୍ଭେ ସଦାପ୍ରଭୁ ଏହା କହିଅଛୁ,” ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।
\s5
\v 15 ପ୍ରଭୁ, ସଦାପ୍ରଭୁ ସୋରକୁ ଏହି କଥା କହନ୍ତି; “ଯେତେବେଳେ ତୁମ୍ଭ ମଧ୍ୟରେ ଆହତ ଲୋକମାନେ କାତରୋକ୍ତି କରିବେ ଓ ସଂହାର ହେବ, ତୁମ୍ଭର ସେହି ପତନ ସମୟର ଶବ୍ଦରେ କିମ୍ବା ଦ୍ୱୀପସମୂହ କମ୍ପିବେ ନାହିଁ ?
\v 16 ସେତେବେଳେ ସମୁଦ୍ରର ଅଧିପତିସକଳ ଆପଣା ଆପଣା ସିଂହାସନରୁ ଓହ୍ଲାଇବେ ଓ ଆପଣା ଆପଣା ଚୋଗା ତ୍ୟାଗ କରି ଶିଳ୍ପକର୍ମର ବସ୍ତ୍ର ଫିଟାଇ ପକାଇବେ; ସେମାନେ ତ୍ରାସରୂପ ବସ୍ତ୍ର ପରିଧାନ କରିବେ; ସେମାନେ ଭୂମିରେ ବସିବେ ଓ ଅନୁକ୍ଷଣ ତ୍ରାସଯୁକ୍ତ ହେବେ ଓ ତୁମ୍ଭ ବିଷୟରେ ବିସ୍ମିତ ହେବେ।
\s5
\v 17 ପୁଣି, ସେମାନେ ତୁମ୍ଭ ବିଷୟରେ ବିଳାପ କରି ତୁମ୍ଭକୁ କହିବେ, ହେ ସମୁଦ୍ର ବ୍ୟବସାୟୀମାନଙ୍କର ନିବାସଭୂମି ପ୍ରସିଦ୍ଧ ନଗରୀ, ତୁମ୍ଭେ କିପରି ବିନଷ୍ଟ ହୋଇଅଛ ! ସେ ତ ସମୁଦ୍ରରେ ପରାକ୍ରାନ୍ତ ଥିଲା; ସେ ଓ ତାହାର ନିବାସୀଗଣ ସେଠାରେ ଗତାୟାତକାରୀ ସମସ୍ତଙ୍କ ପ୍ରତି ଭୟଜନକ ଥିଲେ।
\v 18 ଏବେ ତୁମ୍ଭର ପତନ ଦିନରେ ଦ୍ୱୀପସମୂହ କମ୍ପମାନ ହେବେ; ହଁ, ତୁମ୍ଭ ପ୍ରସ୍ଥାନରେ ସମୁଦ୍ରବର୍ତ୍ତୀ ଦ୍ୱୀପସବୁ ବିହ୍ୱଳ ହେବେ।
\s5
\v 19 କାରଣ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ଯେଉଁ ସମୟରେ ଆମ୍ଭେ ତୁମ୍ଭକୁ ନିବାସୀବିହୀନ ନଗରସମୂହର ତୁଲ୍ୟ ଉଚ୍ଛିନ୍ନ-ନଗର କରିବା; ଯେଉଁ ସମୟରେ ଆମ୍ଭେ ଗଭୀର ସାଗରକୁ ତୁମ୍ଭ ଉପରକୁ ଆଣିବା ଓ ମହାଜଳରାଶି ତୁମ୍ଭକୁ ଆଚ୍ଛାଦନ କରିବ :
\v 20 ସେହି ସମୟରେ ଆମ୍ଭେ ଗର୍ତ୍ତଗାମୀମାନଙ୍କ ସହିତ, ପୁରାତନ କାଳର ଲୋକମାନଙ୍କ ନିକଟକୁ ତୁମ୍ଭକୁ ଓହ୍ଲାଇ ଆଣିବା ଓ ପୃଥିବୀର ଅଧୋଭାଗରେ, ଚିରକାଳରୁ ଉତ୍ସନ୍ନ ସ୍ଥାନମାନଙ୍କରେ ଗର୍ତ୍ତଗାମୀମାନଙ୍କ ସଙ୍ଗରେ ତୁମ୍ଭକୁ ବାସ କରାଇବା, ତହିଁରେ ତୁମ୍ଭର ବସତି ସ୍ଥାନ ରହିବ ନାହିଁ; ପୁଣି, ଜୀବିତମାନଙ୍କ ଦେଶରେ ଆମ୍ଭେ ଶୋଭା ସ୍ଥାପନ କରିବା;
\v 21 ଆମ୍ଭେ ତୁମ୍ଭକୁ ଭୟଙ୍କରୀ କରିବା, ତୁମ୍ଭେ ଆଉ ନ ଥିବ; ଯଦ୍ୟପି ତୁମ୍ଭର ଅନ୍ଵେଷଣ କରାଯିବ, ତଥାପି ତୁମ୍ଭର ଉଦ୍ଦେଶ୍ୟ ଆଉ କେବେ ମିଳିବ ନାହିଁ,” ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।
\s5
\c 27
\s ସୋର ବିଷୟରେ ବିଳାପ
\p
\v 1 ସଦାପ୍ରଭୁଙ୍କର ବାକ୍ୟ ପୁନର୍ବାର ମୋ’ ନିକଟରେ ଉପସ୍ଥିତ ହେଲା ଏବଂ ସେ କହିଲେ,
\v 2 “ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ସୋର ବିଷୟରେ ବିଳାପ କର;
\v 3 ଆଉ, ସୋରକୁ କୁହ, ହେ ସମୁଦ୍ରର ପ୍ରବେଶ-ସ୍ଥାନ ନିବାସିନୀ; ଅନେକ ଦ୍ୱୀପରେ ଗୋଷ୍ଠୀଗଣର ବାଣିଜ୍ୟକାରିଣୀ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ହେ ସୋର, ତୁମ୍ଭେ କହିଅଛ, ମୁଁ ପରମ ସୁନ୍ଦରୀ,
\s5
\v 4 ସମୁଦ୍ରଗଣର ମଧ୍ୟସ୍ଥଳରେ ତୁମ୍ଭର ସୀମା, ତୁମ୍ଭର ନିର୍ମାଣକାରୀମାନେ ତୁମ୍ଭର ସୌନ୍ଦର୍ଯ୍ୟ ସିଦ୍ଧ କରିଅଛନ୍ତି।”
\v 5 ସେମାନେ ସନୀରୀୟ ଦେବଦାରୁ କାଷ୍ଠରେ ତୁମ୍ଭର ତକ୍ତା କାଠପଟା ସବୁ ପ୍ରସ୍ତୁତ କରିଅଛନ୍ତି, ସେମାନେ ତୁମ୍ଭର ମାସ୍ତୁଲ ପ୍ରସ୍ତୁତ କରିବା ପାଇଁ ଲିବାନୋନରୁ ଏରସ କାଷ୍ଠ ନେଇଅଛନ୍ତି।
\s5
\v 6 ବାଶନର ଅଲୋନ କାଷ୍ଠରେ ସେମାନେ ତୁମ୍ଭର ଆହୁଲା ପ୍ରସ୍ତୁତ କରିଅଛନ୍ତି; ସେମାନେ କିତ୍ତୀମ ଦ୍ୱୀପରୁ ଆନୀତ ତାଶୂର କାଷ୍ଠରେ ଖଚିତ ହସ୍ତୀ ଦନ୍ତ ଦ୍ୱାରା ତୁମ୍ଭର ଆସନ ନିର୍ମାଣ କରିଅଛନ୍ତି।
\v 7 ତୁମ୍ଭର ଧ୍ୱଜା ହେବା ପାଇଁ ମିସର ଦେଶରୁ ଆନୀତ ସୂଚୀକର୍ମରେ ଚିତ୍ରିତ ଶୁଭ୍ର କ୍ଷୌମବସ୍ତ୍ରରେ ତୁମ୍ଭର ପାଲ ପ୍ରସ୍ତୁତ ହୋଇଥିଲା; ତୁମ୍ଭର ଚାନ୍ଦୁଆ ଇଲୀଶା ଦ୍ୱୀପସମୂହର ନୀଳ ଓ ଧୂମ୍ର ବର୍ଣ୍ଣ ବସ୍ତ୍ରରେ ପ୍ରସ୍ତୁତ ହୋଇଥିଲା।
\s5
\v 8 ସୀଦୋନ ଓ ଅର୍ବଦ ନିବାସୀମାନେ ତୁମ୍ଭର ଆହୁଲା ମାରିବାର ଲୋକ ଥିଲେ; ହେ ସୋର, ତୁମ୍ଭର ଜ୍ଞାନୀଲୋକ ତୁମ୍ଭ ମଧ୍ୟରେ ଥିଲେ, ସେମାନେ ତୁମ୍ଭର କର୍ଣ୍ଣଧାର ହୋଇଥିଲେ।
\v 9 ତୁମ୍ଭର ମଧ୍ୟବର୍ତ୍ତୀ ଗବାଲର ପ୍ରାଚୀନବର୍ଗ ଓ ତହିଁର ଜ୍ଞାନୀମାନେ ତୁମ୍ଭର ନୌକା ବଟାଳିବା ଲୋକ ହୋଇଥିଲେ; ସମୁଦ୍ରର ଯାବତୀୟ ଜାହାଜ ଓ ସେମାନଙ୍କର ନାବିକଗଣ ବାଣିଜ୍ୟ ଦ୍ରବ୍ୟ ଧରିବା ନିମନ୍ତେ ତୁମ୍ଭ ମଧ୍ୟରେ ଥିଲେ।
\s5
\v 10 ପାରସ୍ୟ, ଲୁଦ୍‍ ଓ ପୂଟ୍‍ ଦେଶୀୟମାନେ ତୁମ୍ଭ ସୈନ୍ୟସାମନ୍ତ ମଧ୍ୟରେ ତୁମ୍ଭର ଯୋଦ୍ଧା ଥିଲେ; ସେମାନେ ତୁମ୍ଭ ମଧ୍ୟରେ ଢାଲ ଓ ଟୋପର ଟଙ୍ଗାଇ ରଖିଲେ; ସେମାନେ ତୁମ୍ଭର ଶୋଭା ପ୍ରକାଶ କଲେ।
\v 11 ଅର୍ବଦର ଲୋକମାନେ ତୁମ୍ଭ ସୈନ୍ୟସାମନ୍ତ ସଙ୍ଗରେ ତୁମ୍ଭ ପ୍ରାଚୀରର ଉପରେ ଚତୁର୍ଦ୍ଦିଗରେ ଥିଲେ ଓ ଗାମ୍ମାଦୀୟମାନେ
\f +
\fr 27:11
\fq ଗାମ୍ମାଦୀୟମାନେ
\ft କିମ୍ବା ଯୁଦ୍ଧବୀରମାନେ
\f* ତୁମ୍ଭର ସବୁ ଗଡ଼ ଉପରେ ଥିଲେ; ସେମାନେ ତୁମ୍ଭ ପ୍ରାଚୀର ଉପରେ ଚତୁର୍ଦ୍ଦିଗରେ ଆପଣା ଆପଣା ଢାଲ ଟଙ୍ଗାଇଲେ; ସେମାନେ ତୁମ୍ଭର ସୌନ୍ଦର୍ଯ୍ୟ ସିଦ୍ଧ କରିଅଛନ୍ତି।
\s5
\v 12 ସବୁ ପ୍ରକାର ଧନର ବାହୁଲ୍ୟ ସକାଶୁ ତର୍ଶୀଶ୍‍ ତୁମ୍ଭର ବଣିକ ଥିଲା, ସେମାନେ ରୂପା, ଲୁହା, ଦସ୍ତା ଓ ସୀସା ଦେଇ ତୁମ୍ଭ ବାଣିଜ୍ୟ ଦ୍ରବ୍ୟର ବ୍ୟବସାୟ କଲେ।
\v 13 ଯବନ, ତୁବଲ୍‍ ଓ ମେଶକ୍‍ ତୁମ୍ଭର ବ୍ୟବସାୟୀ ଥିଲେ; ସେମାନେ ମନୁଷ୍ୟ ଓ ପିତ୍ତଳର ପାତ୍ର ଦେଇ ତୁମ୍ଭ ବାଣିଜ୍ୟ ଦ୍ରବ୍ୟର ବ୍ୟବସାୟ କଲେ।
\s5
\v 14 ତୋଗର୍ମା ବଂଶୀୟ ଲୋକମାନେ ଅଶ୍ୱ, ଯୁଦ୍ଧାଶ୍ୱ ଓ ଖଚର ଦେଇ ତୁମ୍ଭ ବାଣିଜ୍ୟ ଦ୍ରବ୍ୟର ବ୍ୟବସାୟ କଲେ।
\v 15 ଦଦାନର ଲୋକମାନେ ତୁମ୍ଭର ବ୍ୟବସାୟୀ ଥିଲେ; ଅନେକ ଦ୍ୱୀପ ତୁମ୍ଭର ହସ୍ତଗତ ଗଞ୍ଜ ଥିଲା, ସେମାନେ ତୁମ୍ଭ ବାଣିଜ୍ୟ ଦ୍ରବ୍ୟର ବଦଳେ ହାତୀର ଦନ୍ତ ଶୃଙ୍ଗ ଓ ଅବଲୁସ୍‍ କାଷ୍ଠ ଆଣିଲେ।
\s5
\v 16 ତୁମ୍ଭ ହସ୍ତନିର୍ମିତ ଦ୍ରବ୍ୟର ବାହୁଲ୍ୟ ହେତୁ ଅରାମ ତୁମ୍ଭର ବଣିକ ଥିଲା; ସେମାନେ ତାମ୍ରମଣି, ଧୂମ୍ରବର୍ଣ୍ଣ ଓ ବୁଟାଦାର ବସ୍ତ୍ର, କ୍ଷୌମବସ୍ତ୍ର ଆଉ ପ୍ରବାଳ ଓ ପଦ୍ମରାଗ ମଣି ଦେଇ ତୁମ୍ଭ ବାଣିଜ୍ୟ ଦ୍ରବ୍ୟର ବ୍ୟବସାୟ କଲେ।
\v 17 ଯିହୁଦା ଓ ଇସ୍ରାଏଲ ଦେଶ ତୁମ୍ଭର ବ୍ୟବସାୟୀ ଥିଲେ; ସେମାନେ ମିନ୍ନୀତର ଗହମ ଓ ମିଷ୍ଟାନ୍ନ, ମଧୁ, ତୈଳ ଓ ଗୁଗ୍‍ଗୁଳ ଦେଇ ତୁମ୍ଭ ବାଣିଜ୍ୟ ଦ୍ରବ୍ୟର ବ୍ୟବସାୟ କଲେ।
\v 18 ସର୍ବପ୍ରକାର ଧନର ବାହୁଲ୍ୟ କ୍ରମେ, ତୁମ୍ଭର ହସ୍ତନିର୍ମିତ ଦ୍ରବ୍ୟର ବାହୁଲ୍ୟ ସକାଶୁ ଦମ୍ମେଶକ ତୁମ୍ଭର ବଣିକ ଥିଲା, ସେମାନେ ହିଲ୍‍ବୋନର ଦ୍ରାକ୍ଷାରସ ଓ ଶୁଭ୍ର ମେଷଲୋମ ଦେଲେ।
\s5
\v 19 ବଦାନ ଓ ଯବନ ଲୋମନିର୍ମିତ ସୂତ୍ର ଦେଇ ତୁମ୍ଭ ବାଣିଜ୍ୟ ଦ୍ରବ୍ୟର ବ୍ୟବସାୟ କଲେ; ତୁମ୍ଭ ବାଣିଜ୍ୟ ଦ୍ରବ୍ୟ ମଧ୍ୟରେ କାନ୍ତଲୌହ, ଗୁଡ଼ତ୍ୱକ୍‍ ଓ ସୁଗନ୍ଧି ବଚ ଥିଲା।
\v 20 ଦଦାନ ବାହନର ଉପଯୋଗୀ ବହୁମୂଲ୍ୟ ବସ୍ତ୍ରାଦିରେ ତୁମ୍ଭର ବ୍ୟବସାୟୀ ଥିଲା।
\v 21 ଆରବ ଓ କେଦାରର ଅଧିପତି ସମସ୍ତେ ତୁମ୍ଭର ହସ୍ତଗତ ବଣିକ ଥିଲେ; ମେଷଶାବକ, ମେଷ ଓ ଛାଗ, ଏସକଳ ବିଷୟରେ ସେମାନେ ତୁମ୍ଭର ବଣିକ ଥିଲେ।
\s5
\v 22 ଶିବାର ଓ ରୟମାର ବ୍ୟବସାୟୀମାନେ ତୁମ୍ଭର ବ୍ୟବସାୟୀ ଥିଲେ; ସେମାନେ ସର୍ବପ୍ରକାର ଶ୍ରେଷ୍ଠ ଗନ୍ଧଦ୍ରବ୍ୟ ଓ ସର୍ବପ୍ରକାର ବହୁମୂଲ୍ୟ ପ୍ରସ୍ତର, ଆଉ ସୁବର୍ଣ୍ଣ ଦେଇ ତୁମ୍ଭ ବାଣିଜ୍ୟ ଦ୍ରବ୍ୟର ବ୍ୟବସାୟ କଲେ।
\v 23 ହାରଣ ଓ କନ୍ନୀ ଓ ଏଦନ, ଶିବାର ଏହି ବ୍ୟବସାୟୀମାନେ, ପୁଣି ଅଶୂର ଓ କିଲ୍ମଦ୍‍ ତୁମ୍ଭର ବ୍ୟବସାୟୀ ଥିଲେ।
\s5
\v 24 ଏମାନେ ବାଣିଜ୍ୟ ଦ୍ରବ୍ୟ ମଧ୍ୟରେ ଉତ୍କୃଷ୍ଟ ନାନା ଦ୍ରବ୍ୟ, ନୀଳବର୍ଣ୍ଣ ଓ ବୁଟାଦାର ଆବରଣୀୟ ବସ୍ତ୍ର ଓ ବହୁମୂଲ୍ୟ ବସ୍ତ୍ର, ରଜ୍ଜୁରେ ବନ୍ଧା ଏରସ କାଷ୍ଠନିର୍ମିତ ସିନ୍ଦୁକରେ ତୁମ୍ଭର ବ୍ୟବସାୟୀ ଥିଲେ।
\v 25 ତର୍ଶୀଶର ଜାହାଜସକଳ ତୁମ୍ଭର ବ୍ୟବସାୟକାରୀ ପଥିକ ସ୍ୱରୂପ ଥିଲେ; ପୁଣି, ତୁମ୍ଭେ ପରିପୂର୍ଣ୍ଣା ଓ ସମୁଦ୍ରର ମଧ୍ୟସ୍ଥଳରେ ଅତିଶୟ ପ୍ରତାପାନ୍ୱିତା ଥିଲ।
\s5
\v 26 ତୁମ୍ଭର ନାବିକମାନେ ତୁମ୍ଭକୁ ଗଭୀର ଜଳ ମଧ୍ୟକୁ ଆଣିଅଛନ୍ତି; ପୂର୍ବୀୟ ବାୟୁ ସମୁଦ୍ରମାନଙ୍କ ମଧ୍ୟସ୍ଥଳରେ ତୁମ୍ଭକୁ ଭାଙ୍ଗି ପକାଇଅଛି।
\v 27 ତୁମ୍ଭର ଧନ ଓ ତୁମ୍ଭର ବାଣିଜ୍ୟ ଦ୍ରବ୍ୟ, ତୁମ୍ଭର ବାଣିଜ୍ୟ, ତୁମ୍ଭର ନାବିକଗଣ ଓ ତୁମ୍ଭର କର୍ଣ୍ଣଧାରମାନେ, ତୁମ୍ଭର ଛିଦ୍ର ବଟାଳିବା ଲୋକମାନେ ଓ ତୁମ୍ଭର ବାଣିଜ୍ୟ ଦ୍ରବ୍ୟ ଧରିବା ଲୋକମାନେ, ଆଉ ତୁମ୍ଭର ମଧ୍ୟବର୍ତ୍ତୀ ଯୋଦ୍ଧା ସମସ୍ତେ ତୁମ୍ଭର ମଧ୍ୟବର୍ତ୍ତୀ ସମସ୍ତ ସମାଜ ସହିତ ତୁମ୍ଭର ପତନ ଦିନ ସମୁଦ୍ରମାନଙ୍କ ମଧ୍ୟସ୍ଥଳରେ ପତିତ ହେବେ।
\s5
\v 28 ତୁମ୍ଭ କର୍ଣ୍ଣଧାରଗଣର କ୍ରନ୍ଦନ ଶବ୍ଦରେ ଉପନଗରସମୂହ କମ୍ପିତ ହେବେ।
\v 29 ପୁଣି, ଆହୁଲା ଧରିବା ସମସ୍ତ ଲୋକ, ନାବିକମାନେ ଓ ସମୁଦ୍ରସ୍ଥ କର୍ଣ୍ଣଧାର ସମସ୍ତେ ଆପଣା ଆପଣା ଜାହାଜରୁ ଓହ୍ଳାଇ ଆସି ସ୍ଥଳରେ ଠିଆ ହେବେ,
\v 30 ପୁଣି, ତୁମ୍ଭ ଉଦ୍ଦେଶ୍ୟରେ ଆପଣାମାନଙ୍କ ଶବ୍ଦ ଶୁଣାଇ ଅତିଶୟ କ୍ରନ୍ଦନ କରିବେ ଓ ସେମାନେ ଆପଣା ଆପଣା ମସ୍ତକରେ ଧୂଳି ପକାଇ ଭସ୍ମରେ ଗଡ଼ିବେ;
\s5
\v 31 ଆଉ, ସେମାନେ ତୁମ୍ଭ ସକାଶୁ ମସ୍ତକ ମୁଣ୍ଡନ କରି କଟୀଦେଶରେ ଚଟ ବାନ୍ଧିବେ, ଆଉ ତୁମ୍ଭ ସକାଶୁ ପ୍ରାଣର ବିକଳତାରେ ରୋଦନ କରି ଅତିଶୟ ବିଳାପ କରିବେ।
\v 32 ପୁଣି, ସେମାନେ ଆପଣାମାନଙ୍କର ଶୋକ ସମୟରେ ତୁମ୍ଭ ଉଦ୍ଦେଶ୍ୟରେ ବିଳାପ କରି ତୁମ୍ଭ ବିଷୟରେ ଏହି କଥା କହି ବିଳାପ କରିବେ, ସୋର ପରି, ଯେ ସମୁଦ୍ର ମଧ୍ୟ ସ୍ଥାନରେ ନିସ୍ତବ୍ଧା ହେଲା, ତାହା ପରି କିଏ ଅଛି ?
\v 33 ଯେତେବେଳେ ତୁମ୍ଭର ବାଣିଜ୍ୟ ଦ୍ରବ୍ୟସବୁ ସମୁଦ୍ରମାନଙ୍କ ମଧ୍ୟରୁ ବାହାରି ଗଲା, ସେତେବେଳେ ତୁମ୍ଭେ ଅନେକ ଗୋଷ୍ଠୀଙ୍କୁ ପରିପୂର୍ଣ୍ଣ କଲ; ତୁମ୍ଭେ ଆପଣା ଧନ ଓ ବାଣିଜ୍ୟ ଦ୍ରବ୍ୟର ବାହୁଲ୍ୟରେ ପୃଥିବୀର ରାଜାଗଣକୁ ଧନୀ କଲ।
\s5
\v 34 ତୁମ୍ଭେ ସମୁଦ୍ର ଦ୍ୱାରା ଗଭୀର ଜଳରାଶିରେ ଭଗ୍ନ ହେବା ସମୟରେ ତୁମ୍ଭର ବାଣିଜ୍ୟ ଦ୍ରବ୍ୟ ଓ ତୁମ୍ଭର ସମସ୍ତ ସମାଜ ତୁମ୍ଭ ମଧ୍ୟରେ ପତିତ ହେଲେ।
\v 35 ଦ୍ୱୀପସମୂହର ନିବାସୀ ସମସ୍ତେ ତୁମ୍ଭ ବିଷୟରେ ବିସ୍ମିତ ହୋଇଅଛନ୍ତି ଓ ସେମାନଙ୍କର ରାଜାଗଣ ଅତ୍ୟନ୍ତ ଭୀତ ହୋଇଅଛନ୍ତି ଓ ସେମାନଙ୍କର ବଦନ ବିଷର୍ଣ୍ଣ ହୋଇଅଛି।
\v 36 ଗୋଷ୍ଠୀଗଣର ମଧ୍ୟବର୍ତ୍ତୀ ବଣିକମାନେ ତୁମ୍ଭ ଉଦ୍ଦେଶ୍ୟରେ ଶୀଷ୍‍ ଶବ୍ଦ କରନ୍ତି; ତୁମ୍ଭେ ଭୟଙ୍କର ହୋଇଅଛ, ପୁଣି, ତୁମ୍ଭେ ଆଉ କେବେ ସ୍ଥାପିତ ହେବ ନାହିଁ।
\s5
\c 28
\s ସୋର ରାଜା ବିରୁଦ୍ଧରେ ଭବିଷ୍ୟଦ୍‍ବାଣୀ
\p
\v 1 ସଦାପ୍ରଭୁଙ୍କର ବାକ୍ୟ ପୁନର୍ବାର ମୋ’ ନିକଟରେ ଉପସ୍ଥିତ ହେଲା ଏବଂ ସେ କହିଲେ,
\v 2 “ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ସୋରର ଅଧିପତିକୁ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି: ତୁମ୍ଭର ଚିତ୍ତ ଗର୍ବିତ ହୋଇଅଛି ଓ ତୁମ୍ଭେ କହିଅଛ, “ମୁଁ ଈଶ୍ୱର ଅଟେ, ମୁଁ ସମୁଦ୍ରମାନଙ୍କ ମଧ୍ୟସ୍ଥାନରେ ଈଶ୍ୱରଙ୍କ ଆସନରେ ବସିଅଛି,” ମାତ୍ର ତୁମ୍ଭେ ଆପଣା ଚିତ୍ତକୁ ଈଶ୍ୱରଙ୍କ ଚିତ୍ତ ତୁଲ୍ୟ ବୋଲି ମଣିଲେ ହେଁ ତୁମ୍ଭେ ତ ଈଶ୍ୱର ନୁହଁ, ମନୁଷ୍ୟ ମାତ୍ର ଅଟ।
\v 3 ଦେଖ, ତୁମ୍ଭେ ଦାନିୟେଲ ଅପେକ୍ଷା ଜ୍ଞାନୀ; କୌଣସି ନିଗୂଢ଼ କଥା ଲୋକମାନେ ତୁମ୍ଭଠାରୁ ଗୋପନ କରି ନ ପାରନ୍ତି :
\s5
\v 4 ତୁମ୍ଭେ ଆପଣା ଜ୍ଞାନ ଓ ବୁଦ୍ଧି ଦ୍ୱାରା ଧନ ପ୍ରାପ୍ତ ହୋଇଅଛ ଓ ଆପଣା ଭଣ୍ଡାରରେ ସୁନା ଓ ରୂପା ସଞ୍ଚୟ କରିଅଛ;
\v 5 ତୁମ୍ଭେ ଆପଣାର ମହା ଜ୍ଞାନ ଦ୍ୱାରା ଓ ବାଣିଜ୍ୟ ଦ୍ୱାରା ଆପଣାର ଧନ ବଢ଼ାଇଅଛ, ଆଉ ତୁମ୍ଭର ଧନ ସକାଶୁ ତୁମ୍ଭର ଚିତ୍ତ ଗର୍ବିତ ହୋଇଅଛି।
\s5
\v 6 ଏଥିପାଇଁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେ ଆପଣା ଚିତ୍ତକୁ ଈଶ୍ୱରଙ୍କ ଚିତ୍ତ ତୁଲ୍ୟ ବୋଲି ମଣିବା ସକାଶୁ,
\v 7 ଦେଖ, ଆମ୍ଭେ ବିଦେଶୀୟମାନଙ୍କୁ, ଗୋଷ୍ଠୀଗଣ ମଧ୍ୟରେ ଭୟଙ୍କର ଲୋକମାନଙ୍କୁ ତୁମ୍ଭ ବିରୁଦ୍ଧରେ ଆଣିବା; ତହିଁରେ ସେମାନେ ତୁମ୍ଭର ଜ୍ଞାନରୂପ ସୌନ୍ଦର୍ଯ୍ୟର ପ୍ରତିକୂଳରେ ଆପଣା ଆପଣା ଖଡ୍ଗ ନିଷ୍କୋଷ କରିବେ ଓ ତୁମ୍ଭର ଶୋଭା ଭ୍ରଷ୍ଟ କରିବେ।
\s5
\v 8 ସେମାନେ ତୁମ୍ଭକୁ ଗର୍ତ୍ତକୁ ଓହ୍ଲାଇ ଆଣିବେ ଓ ତୁମ୍ଭେ ସମୁଦ୍ରମାନଙ୍କର ମଧ୍ୟସ୍ଥାନରେ ହତ ଲୋକମାନଙ୍କ ମୃତ୍ୟୁୁ ତୁଲ୍ୟ ମୃତ୍ୟୁୁଭୋଗ କରିବ।
\v 9 ତଥାପି ତୁମ୍ଭେ କି ଆପଣା ବଧକାରୀର ସାକ୍ଷାତରେ କହିବ, “ମୁଁ ଈଶ୍ୱର ?” ମାତ୍ର ତୁମ୍ଭେ ତ ଆପଣା ଆଘାତକାରୀର ହସ୍ତରେ ମନୁଷ୍ୟ ମାତ୍ର ଅଟ, ଈଶ୍ୱର ନୁହଁ।
\v 10 ତୁମ୍ଭେ ବିଦେଶୀୟମାନଙ୍କ ହସ୍ତରେ ଅସୁନ୍ନତ ଲୋକମାନଙ୍କ ତୁଲ୍ୟ ମରିବ; କାରଣ ଆମ୍ଭେ ଏହା କହିଅଛୁ,” ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।
\s ସୋର ରାଜାଙ୍କ ପତନ
\p
\s5
\v 11 ଆହୁରି ସଦାପ୍ରଭୁଙ୍କର ବାକ୍ୟ ମୋ’ ନିକଟରେ ଉପସ୍ଥିତ ହେଲା ଏବଂ ସେ କହିଲେ,
\v 12 “ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ସୋରର ରାଜା ବିଷୟରେ ବିଳାପ କର ଓ ତାହାକୁ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି। ତୁମ୍ଭେ ଜ୍ଞାନରେ ପୂର୍ଣ୍ଣ ଓ ସୌନ୍ଦର୍ଯ୍ୟରେ ସିଦ୍ଧ, ଉଭୟର ମୁଦ୍ରାଙ୍କ କରୁଅଛ।
\v 13 ତୁମ୍ଭେ ପରମେଶ୍ୱରଙ୍କ ଉଦ୍ୟାନ ଏଦନରେ ଥିଲ; ଚୁଣୀ, ପୀତମଣି ଓ ହୀରକ, ବୈଦୁର୍ଯ୍ୟମଣି, ଗୋମେଦକ ଓ ସୂର୍ଯ୍ୟକାନ୍ତ, ନୀଳକାନ୍ତ, ପଦ୍ମରାଗ ଓ ମରକତ ଆଦି ଯାବତୀୟ ବହୁମୂଲ୍ୟ ପ୍ରସ୍ତର ଓ ସୁବର୍ଣ୍ଣ ତୁମ୍ଭର ଆଚ୍ଛାଦନ ଥିଲା; ତୁମ୍ଭର ତବଲ ଓ ବଂଶୀର ଶିଳ୍ପକାର୍ଯ୍ୟ ତୁମ୍ଭ ମଧ୍ୟରେ ଥିଲା; ତୁମ୍ଭେ ସୃଷ୍ଟ ହେବା ଦିନ ସେହି ସବୁ ପ୍ରସ୍ତୁତ ହୋଇଥିଲା।
\s5
\v 14 ତୁମ୍ଭେ ଆଚ୍ଛାଦନକାରୀ ଅଭିଷିକ୍ତ କିରୂବ ଥିଲ; ପୁଣି, ଆମ୍ଭେ ତୁମ୍ଭକୁ ସ୍ଥାପନ କଲୁ, ତହିଁରେ ତୁମ୍ଭେ ପରମେଶ୍ୱରଙ୍କ ପବିତ୍ର ପର୍ବତ ଉପରେ ଥିଲ; ତୁମ୍ଭେ ଅଗ୍ନିମୟ ପ୍ରସ୍ତରସକଳର ମଧ୍ୟରେ ଗମନାଗମନ କଲ।
\v 15 ତୁମ୍ଭ ମଧ୍ୟରେ ଅଧର୍ମ ଦେଖାଯିବା ପର୍ଯ୍ୟନ୍ତ ତୁମ୍ଭେ ଆପଣା ସୃଷ୍ଟି ଦିନଠାରୁ ଆପଣା ଆଚରଣରେ ସିଦ୍ଧ ଥିଲ।
\s5
\v 16 ତୁମ୍ଭ ବାଣିଜ୍ୟର ବାହୁଲ୍ୟରେ ସେମାନେ ତୁମ୍ଭ ଆଭ୍ୟନ୍ତର ଦୌରାତ୍ମ୍ୟରେ ପରିପୂର୍ଣ୍ଣ କଲେ, ଆଉ ତୁମ୍ଭେ ପାପ କରିଅଛ; ଏଥିପାଇଁ ଆମ୍ଭେ ଅଶୁଚି ବସ୍ତୁ ତୁଲ୍ୟ ତୁମ୍ଭକୁ ପରମେଶ୍ୱରଙ୍କ ପର୍ବତରୁ ପକାଇ ଦେଇଅଛୁ; ଆଉ ହେ ଆଚ୍ଛାଦନକାରୀ କିରୂବ, ଅଗ୍ନିମୟ ପ୍ରସ୍ତରସକଳର ମଧ୍ୟରୁ ଆମ୍ଭେ ତୁମ୍ଭକୁ ବିନାଶ କରିଅଛୁ।
\v 17 ତୁମ୍ଭର ସୌନ୍ଦର୍ଯ୍ୟ ସକାଶୁ ତୁମ୍ଭର ଚିତ୍ତ ଗର୍ବିତ ହୋଇଅଛି, ତୁମ୍ଭେ ଆପଣାର ଶୋଭା ସକାଶୁ ନିଜ ଜ୍ଞାନ ଭ୍ରଷ୍ଟ କରିଅଛ; ଆମ୍ଭେ ତୁମ୍ଭକୁ ଭୂମିରେ ନିକ୍ଷେପ କରିଅଛୁ, ରାଜାମାନେ ଯେପରି ତୁମ୍ଭକୁ ଦେଖିବେ, ଏଥିପାଇଁ ଆମ୍ଭେ ସେମାନଙ୍କ ସମ୍ମୁଖରେ ତୁମ୍ଭକୁ ରଖିଅଛୁ।
\s5
\v 18 ତୁମ୍ଭେ ଆପଣାର ଅଧର୍ମର ବାହୁଲ୍ୟରେ, ନିଜ ବାଣିଜ୍ୟ ବିଷୟକ ଅନ୍ୟାୟ ଦ୍ୱାରା ଆପଣାର ପବିତ୍ର ସ୍ଥାନସକଳ ଅପବିତ୍ର କରିଅଛ; ଏଥିପାଇଁ ଆମ୍ଭେ ତୁମ୍ଭ ମଧ୍ୟରୁ ଅଗ୍ନି ବାହାର କରି ଆଣିଅଛୁ, ତାହା ତୁମ୍ଭକୁ ଗ୍ରାସ କରିଅଛି, ପୁଣି, ଆମ୍ଭେ ତୁମ୍ଭକୁ ଦର୍ଶନକାରୀ ସକଳର ସାକ୍ଷାତରେ ଭୂମିରେ ଭସ୍ମ କରିଅଛୁ।
\v 19 ଗୋଷ୍ଠୀଗଣ ମଧ୍ୟରେ ଯେଉଁମାନେ ତୁମ୍ଭକୁ ଜାଣନ୍ତି, ସେମାନେ ସମସ୍ତେ ତୁମ୍ଭ ବିଷୟରେ ବିସ୍ମୟାପନ୍ନ ହେବେ; ତୁମ୍ଭେ ଭୟଙ୍କର ହୋଇଅଛ ଓ ତୁମ୍ଭେ ଆଉ କେବେ ନ ଥିବ।”
\s ସୀଦୋନ ବିରୁଦ୍ଧରେ ଭବିଷ୍ୟଦ୍‍ବାଣୀ
\p
\s5
\v 20 ଏଥିଉତ୍ତାରେ ସଦାପ୍ରଭୁଙ୍କର ଏହି ବାକ୍ୟ ମୋ’ ନିକଟରେ ଉପସ୍ଥିତ ହେଲା,
\v 21 ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ସୀଦୋନ ପ୍ରତି ଆପଣା ମୁଖ ରଖି ତାହା ବିରୁଦ୍ଧରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କର;
\v 22 ଆଉ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ହେ ସୀଦୋନ, ଦେଖ, ଆମ୍ଭେ ତୁମ୍ଭର ପ୍ରତିକୂଳ ଅଟୁ; ପୁଣି, ଆମ୍ଭେ ତୁମ୍ଭ ମଧ୍ୟରେ ଗୌରବାନ୍ୱିତ ହେବା; ପୁଣି, ଆମ୍ଭେ ଯେତେବେଳେ ନଗର ମଧ୍ୟରେ ଦଣ୍ଡାଜ୍ଞା ସଫଳ କରିବା ଓ ତହିଁ ମଧ୍ୟରେ ପବିତ୍ର ରୂପେ ପ୍ରତିଷ୍ଠିତ ହେବା, ସେତେବେଳେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ଲୋକମାନେ ଜାଣିବେ।
\s5
\v 23 କାରଣ ଆମ୍ଭେ ନଗର ମଧ୍ୟକୁ ମହାମାରୀ ଓ ତାହାର ସମସ୍ତ ଛକକୁ ରକ୍ତ ପଠାଇବା; ପୁଣି, ତାହାର ଚତୁର୍ଦ୍ଦିଗସ୍ଥିତ ଖଡ୍ଗ ଦ୍ୱାରା ଆହତ ଲୋକମାନେ ତାହା ମଧ୍ୟରେ ପତିତ ହେବେ; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ଲୋକମାନେ ଜାଣିବେ।
\s ଈଶ୍ୱରଙ୍କଠାରେ ଇସ୍ରାଏଲର ନିରାପତ୍ତା
\p
\v 24 ପୁଣି, ଇସ୍ରାଏଲ ବଂଶର ଚତୁର୍ଦ୍ଦିଗସ୍ଥିତ ଯେଉଁ ଲୋକମାନେ ସେମାନଙ୍କୁ ଅବଜ୍ଞା କଲେ, ସେମାନଙ୍କ ମଧ୍ୟରୁ କୌଣସି ଲୋକ ସେମାନଙ୍କର ଶୂଳଜନକ କାନକୋଳି କଣ୍ଟା ଅଥବା ବ୍ୟଥାଦାୟକ କଣ୍ଟକ ଆଉ ନୋହିବ; ତହିଁରେ ଆମ୍ଭେ ଯେ ପ୍ରଭୁ, ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ।
\s5
\v 25 ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ଯେଉଁ ଗୋଷ୍ଠୀଗଣ ମଧ୍ୟରେ ଇସ୍ରାଏଲ ବଂଶ ଛିନ୍ନଭିନ୍ନ ହୋଇଅଛନ୍ତି, ସେମାନଙ୍କ ମଧ୍ୟରୁ ଯେତେବେଳେ ଆମ୍ଭେ ସେମାନଙ୍କୁ ସଂଗ୍ରହ କରିବା ଓ ନାନା ଦେଶୀୟମାନଙ୍କ ସାକ୍ଷାତରେ ସେମାନଙ୍କ ମଧ୍ୟରେ ପବିତ୍ର ରୂପେ ପ୍ରତିପନ୍ନ ହେବା, ସେତେବେଳେ ଆମ୍ଭେ ନିଜ ଦାସ ଯାକୁବକୁ ଯେଉଁ ଦେଶ ଦେଇଥିଲୁ, ସେମାନେ ଆପଣାମାନଙ୍କର ସେହି ଦେଶରେ ବାସ କରିବେ।
\v 26 ପୁଣି, ସେମାନେ ତହିଁ ମଧ୍ୟରେ ନିରାପଦରେ ବାସ କରିବେ; ହଁ, ଆମ୍ଭେ ସେମାନଙ୍କର ଅବଜ୍ଞାକାରୀ ଚତୁର୍ଦ୍ଦିଗସ୍ଥିତ ସକଳ ଲୋକଙ୍କ ଉପରେ ଦଣ୍ଡାଜ୍ଞା ସଫଳ କଲା ଉତ୍ତାରେ ସେମାନେ ଗୃହ ନିର୍ମାଣ କରିବେ ଓ ଦ୍ରାକ୍ଷାକ୍ଷେତ୍ର ପ୍ରସ୍ତୁତ କରିବେ, ଆଉ ନିରାପଦରେ ବାସ କରିବେ; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ସେମାନଙ୍କର ପରମେଶ୍ୱର ଅଟୁ, ଏହା ସେମାନେ ଜାଣିବେ।
\s5
\c 29
\s ମିସର ବିରୁଦ୍ଧରେ ଭବିଷ୍ୟଦ୍‍ବାଣୀ
\p
\v 1 ଦଶମ ବର୍ଷର ଦଶମ ମାସ, ମାସର ଦ୍ୱାଦଶ ଦିନରେ ସଦାପ୍ରଭୁଙ୍କର ବାକ୍ୟ ମୋ’ ନିକଟରେ ଉପସ୍ଥିତ ହେଲା ଏବଂ ସେ କହିଲେ,
\v 2 “ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ମିସରର ରାଜା ଫାରୋ ବିରୁଦ୍ଧରେ ଆପଣା ମୁଖ ରଖ, ପୁଣି, ତାହା ବିରୁଦ୍ଧରେ ଓ ସମୁଦାୟ ମିସର ବିରୁଦ୍ଧରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କର;
\v 3 ଏହି କଥା କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ହେ ମିସରର ରାଜା ଫାରୋ, ଦେଖ, ଆମ୍ଭେ ତୁମ୍ଭର ବିପକ୍ଷ ଅଟୁ, ତୁମ୍ଭେ ଆପଣା ସ୍ରୋତସମୂହ ମଧ୍ୟରେ ଶୟନକାରୀ ପ୍ରକାଣ୍ଡ କୁମ୍ଭୀର, ତୁମ୍ଭେ କହିଅଛ, “ମୋର ନଦୀ ମୋର, ମୁଁ ଆପଣା ପାଇଁ ତାହା ସୃଷ୍ଟି କରିଅଛି।”
\s5
\v 4 ମାତ୍ର ଆମ୍ଭେ ତୁମ୍ଭ କଳପାଟିରେ ଅଙ୍କୁଶ ଦେବା ଓ ଆମ୍ଭେ ତୁମ୍ଭ ସ୍ରୋତସମୂହରେ ମତ୍ସ୍ୟସକଳକୁ ତୁମ୍ଭ ଦେହର କାତିରେ ଲଗାଇବା; ଆଉ, ଆମ୍ଭେ ତୁମ୍ଭ ସ୍ରୋତସମୂହର ମଧ୍ୟରୁ ତୁମ୍ଭକୁ ଓ ତୁମ୍ଭ କାତିରେ ଲାଗିଥିବା ତୁମ୍ଭ ସ୍ରୋତସମୂହର ମତ୍ସ୍ୟସକଳକୁ ବାହାର କରି ଉପରକୁ ଆଣିବା।
\v 5 ପୁଣି, ଆମ୍ଭେ ତୁମ୍ଭକୁ, ହଁ, ତୁମ୍ଭକୁ ତୁମ୍ଭ ସ୍ରୋତସମୂହର ମତ୍ସ୍ୟସକଳକୁ ପ୍ରାନ୍ତରରେ ପକାଇ ଛାଡ଼ି ଦେବା; ତୁମ୍ଭେ ପଦାରେ ପଡ଼ି ରହିବ; ତୁମ୍ଭେ ଆଉ ସଂଗୃହୀତ କିମ୍ବା ସଞ୍ଚିତ ହେବ ନାହିଁ; ଆମ୍ଭେ ତୁମ୍ଭକୁ ଭୂଚର ପଶୁଗଣର ଓ ଖେଚର ପକ୍ଷଗଣର ଖାଦ୍ୟ ହେବା ନିମନ୍ତେ ସମର୍ପି ଦେଇଅଛୁ।
\s5
\v 6 ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ମିସରନିବାସୀ ସମସ୍ତେ ଜାଣିବେ। କାରଣ ସେମାନେ ଇସ୍ରାଏଲ ବଂଶ ପ୍ରତି ନଳର ଯଷ୍ଟି ହୋଇଅଛନ୍ତି।
\v 7 ଯେତେବେଳେ ସେମାନେ ତୁମ୍ଭର ହସ୍ତ ଧରିଲେ, ସେତେବେଳେ ତୁମ୍ଭେ ଭଗ୍ନ ହୋଇ ସେମାନଙ୍କର ସ୍କନ୍ଧସବୁ ବିଦୀର୍ଣ୍ଣ କଲ; ଆଉ, ଯେତେବେଳେ ସେମାନେ ତୁମ୍ଭ ଉପରେ ଆଉଜିଲେ, ସେତେବେଳେ ତୁମ୍ଭେ ଭଗ୍ନ ହୋଇ ସେମାନଙ୍କର ସମସ୍ତ କଟୀଦେଶ ଅଚଳ କଲ।
\s5
\v 8 ଏହେତୁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ଦେଖ, ଆମ୍ଭେ ତୁମ୍ଭ ବିରୁଦ୍ଧରେ ଖଡ୍ଗ ଆଣିବା ଓ ତୁମ୍ଭ ମଧ୍ୟରୁ ମନୁଷ୍ୟ ଓ ପଶୁ ଉଚ୍ଛିନ୍ନ କରିବା।
\v 9 ପୁଣି, ମିସର ଦେଶ ଧ୍ୱଂସିତ ଓ ଶୂନ୍ୟ ସ୍ଥାନ ହେବ; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ; ଯେହେତୁ ସେ କହିଅଛି, “ନଦୀ ମୋର ଓ ମୁଁ ତାହା ସୃଷ୍ଟି କରିଅଛି।”
\v 10 ଏହେତୁ ଦେଖ, ଆମ୍ଭେ ତୁମ୍ଭର ଓ ତୁମ୍ଭ ନଦୀସମୂହର ପ୍ରତିକୂଳ ଅଟୁ, ପୁଣି, ଆମ୍ଭେ ମିଗ୍‍ଦୋଲଠାରୁ ସିବେନୀ ଦୁର୍ଗ ପୁଣି କୂଶ ଦେଶର ସୀମା ପର୍ଯ୍ୟନ୍ତ ମିସର ଦେଶକୁ ନିତାନ୍ତ ଶୂନ୍ୟ ଓ ଧ୍ୱଂସସ୍ଥାନ କରିବା।
\s5
\v 11 କୌଣସି ମନୁଷ୍ୟର ପାଦ ତହିଁ ମଧ୍ୟରେ ଗତାୟାତ କରିବ ନାହିଁ, କିଅବା ପଶୁର ପାଦ ତହିଁ ମଧ୍ୟରେ ଗତାୟାତ କରିବ ନାହିଁ ଓ ଚାଳିଶ ବର୍ଷ ପର୍ଯ୍ୟନ୍ତ ତାହା ବସତି-ସ୍ଥାନ ନୋହିବ।
\v 12 ପୁଣି, ଆମ୍ଭେ ମିସର ଦେଶକୁ ଧ୍ୱଂସିତ ଦେଶସମୂହର ମଧ୍ୟରେ ଧ୍ୱଂସସ୍ଥାନ କରିବା ଓ ତାହାର ନଗରସମୂହ ଉଚ୍ଛିନ୍ନ ନଗରସମୂହ ମଧ୍ୟରେ ଚାଳିଶ ବର୍ଷ ପର୍ଯ୍ୟନ୍ତ ଧ୍ୱଂସସ୍ଥାନ ହୋଇ ରହିବ; ପୁଣି, ଆମ୍ଭେ ମିସ୍ରୀୟମାନଙ୍କୁ ନାନା ଦେଶୀୟମାନଙ୍କ ମଧ୍ୟରେ ଛିନ୍ନଭିନ୍ନ କରିବା ଓ ନାନା ଦେଶରେ ସେମାନଙ୍କୁ ବିକ୍ଷିପ୍ତ କରିବା।
\s5
\v 13 କାରଣ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି: ମିସ୍ରୀୟମାନେ ଯେଉଁ ଗୋଷ୍ଠୀୟମାନଙ୍କ ମଧ୍ୟରେ ଛିନ୍ନଭିନ୍ନ ହୋଇଅଛନ୍ତି, ସେମାନଙ୍କ ମଧ୍ୟରୁ ଚାଳିଶ ବର୍ଷର ଶେଷରେ ଆମ୍ଭେ ସେମାନଙ୍କୁ ସଂଗ୍ରହ କରିବା;
\v 14 ଆଉ, ଆମ୍ଭେ ମିସରର ବନ୍ଦୀତ୍ୱାବସ୍ଥା ପରିବର୍ତ୍ତନ କରିବା ଓ ସେମାନଙ୍କର ଜନ୍ମ-ସ୍ଥାନ ପଥ୍ରୋଷ ଦେଶକୁ ସେମାନଙ୍କୁ ଫେରାଇ ଆଣିବା, ପୁଣି, ସେଠାରେ ସେମାନେ ଗୋଟିଏ ନୀଚ ରାଜ୍ୟ ହୋଇ ରହିବେ।
\s5
\v 15 ନାନା ରାଜ୍ୟ ମଧ୍ୟରେ ତାହା ନୀଚତମ ହେବ ଓ ନାନା ଗୋଷ୍ଠୀୟମାନଙ୍କ ମଧ୍ୟରେ ସେ ଆପଣାକୁ ଆଉ ଉନ୍ନତ କରିବ ନାହିଁ; ପୁଣି, ଆମ୍ଭେ ସେମାନଙ୍କୁ ନ୍ୟୂନ କରିବା, ତହିଁରେ ସେମାନେ ଗୋଷ୍ଠୀଗଣ ଉପରେ ଆଉ କର୍ତ୍ତୃତ୍ୱ କରିବେ ନାହିଁ।
\v 16 ଆଉ, ଇସ୍ରାଏଲ ବଂଶ ମିସ୍ରୀୟମାନଙ୍କର ଅନୁସରଣ କରିବା ପାଇଁ ଫେରିବା ବେଳେ ମିସର, ସେମାନଙ୍କର ଅପରାଧ ସ୍ମରଣାର୍ଥକ ବିଶ୍ୱାସ-ଭୂମି ଆଉ ହେବ ନାହିଁ; ତହିଁରେ ଆମ୍ଭେ ଯେ ପ୍ରଭୁ, ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ।”
\s5
\v 17 ଏଥିଉତ୍ତାରେ ସତାଇଶ ବର୍ଷର ପ୍ରଥମ ମାସରେ, ମାସର ପ୍ରଥମ ଦିନରେ ସଦାପ୍ରଭୁଙ୍କର ବାକ୍ୟ ମୋ’ ନିକଟରେ ଉପସ୍ଥିତ ହେଲା ଏବଂ ସେ କହିଲେ,
\v 18 “ହେ ମନୁଷ୍ୟ-ସନ୍ତାନ, ବାବିଲର ରାଜା ନବୂଖଦ୍‍ନିତ୍ସର ଆପଣା ସୈନ୍ୟସାମନ୍ତକୁ ସୋର ବିରୁଦ୍ଧରେ ଭାରୀ ପରିଶ୍ରମ କରାଇଅଛି; ପ୍ରତ୍ୟେକ ମସ୍ତକ ଟାଙ୍ଗରା ହେଲା ଓ ପ୍ରତ୍ୟେକ କାନ୍ଧର ଚର୍ମ ଛିଡ଼ିଗଲା; ତଥାପି ସେ ସୋର ବିରୁଦ୍ଧରେ ଯେଉଁ ପରିଶ୍ରମ କରିଥିଲା, ତହିଁ ପାଇଁ ସେ କିଅବା ତାହାର ସୈନ୍ୟସାମନ୍ତ ସୋରଠାରୁ କିଛି ବେତନ ପାଇଲେ ନାହିଁ;
\s5
\v 19 ଏଥିପାଇଁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ବାବିଲର ରାଜା ନବୂଖଦ୍‍ନିତ୍ସରକୁ ମିସର ଦେଶ ଦେବା; ତହିଁରେ ସେ ତାହାର ମହାଜନତାକୁ ନେଇଯିବ ଓ ତାହାର ଦ୍ରବ୍ୟ ଲୁଟି ନେବ, ଆଉ ତାହାର ସମ୍ପତ୍ତି ଅପହରଣ କରିବ; ପୁଣି, ଏହା ତାହାର ସୈନ୍ୟସାମନ୍ତର ବେତନ ହେବ।
\v 20 ସେ ଯହିଁ ପାଇଁ ପରିଶ୍ରମ କଲା, ତାହାର ସେହି ପୁରସ୍କାର ରୂପେ ଆମ୍ଭେ ତାହାକୁ ମିସର ଦେଶ ଦେଇଅଛୁ, କାରଣ ସେମାନେ ଆମ୍ଭ ନିମନ୍ତେ କାର୍ଯ୍ୟ କଲେ,” ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।
\s5
\v 21 “ସେହି ଦିନ ଆମ୍ଭେ ଇସ୍ରାଏଲ ବଂଶ ନିମନ୍ତେ ଗୋଟିଏ ଶୃଙ୍ଗ ଅଙ୍କୁରିତ କରାଇବା, ପୁଣି, ଆମ୍ଭେ ସେମାନଙ୍କ ମଧ୍ୟରେ ତୁମ୍ଭର ମୁଖ ମୁକ୍ତ କରିବା: ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ,” ଏହା ସେମାନେ ଜାଣିବେ।
\s5
\c 30
\s ମିସରର ପତନ
\p
\v 1 ସଦାପ୍ରଭୁଙ୍କର ବାକ୍ୟ ପୁନର୍ବାର ମୋ’ ନିକଟରେ ଉପସ୍ଥିତ ହେଲା, ଯଥା;
\v 2 “ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କର, ଆଉ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭେମାନେ ହାହାକାର କରି କୁହ, ହାୟ ହାୟ, ସେହି ଦିନ !
\v 3 କାରଣ ସେହି ଦିନ ନିକଟବର୍ତ୍ତୀ, ହଁ, ସଦାପ୍ରଭୁଙ୍କର ଦିନ ନିକଟବର୍ତ୍ତୀ, ସେହି ଦିନ ମେଘାଚ୍ଛନ୍ନ ଦିନ; ତାହା ଅନ୍ୟ ଦେଶୀୟମାନଙ୍କର କାଳ ହେବ।
\s5
\v 4 ପୁଣି, ମିସର ବିରୁଦ୍ଧରେ ଖଡ୍ଗ ଆସିବ ଓ ମିସର ଦେଶରେ ହତ ଲୋକମାନେ ପତିତ ହେଲେ କୂଶ ମଧ୍ୟରେ ଯାତନା ହେବ; ଆଉ, ସେମାନେ ତାହାର ଧନସମ୍ପତ୍ତି
\f +
\fr 30:4
\fq ଧନସମ୍ପତ୍ତି
\ft କିମ୍ବା ଲୋକସମୂହକୁ
\f* ଘେନି ଯିବେ ଓ ତାହାର ଭିତ୍ତିମୂଳସକଳ ଭଗ୍ନ ହେବ।
\v 5 କୂଶ ଓ ପୂଟ୍‍ ଓ ଲୁଦ୍‍, ଆଉ ମିଶ୍ରିତ ଲୋକ ସମସ୍ତେ, ପୁଣି, କୂବ୍‍ ଓ ମିତ୍ରଦେଶୀୟ
\f +
\fr 30:5
\fq ମିତ୍ରଦେଶୀୟ
\ft ଆକ୍ଷରିକ ଭାବରେ ନିୟମର ଲୋକମାନେ
\f* ଲୋକ ସମସ୍ତେ ସେମାନଙ୍କ ସଙ୍ଗେ ଖଡ୍ଗରେ ପତିତ ହେବେ।”
\s5
\v 6 ସଦାପ୍ରଭୁ ଏହି କଥା କହନ୍ତି, “ମିସରର ସହାୟକାରୀମାନେ ପତିତ ହେବେ ଓ ତାହାର ପରାକ୍ରମର ଗର୍ବ ଖର୍ବ ହେବ; ମିଗ୍‍ଦୋଲଠାରୁ ସିବେନୀ ଦୁର୍ଗ ପର୍ଯ୍ୟନ୍ତ ଲୋକ ସମସ୍ତେ ତହିଁ ମଧ୍ୟରେ ଖଡ୍ଗ ଦ୍ୱାରା ପତିତ ହେବେ,” ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।
\v 7 ପୁଣି, ସେମାନେ ଧ୍ୱଂସିତ ନଗରସମୂହ ମଧ୍ୟରେ ଧ୍ୱଂସିତ ହେବେ ଓ ତାହାର ନଗରସକଳ ଉତ୍ସନ୍ନ ନଗରସମୂହର ମଧ୍ୟରେ ଥିବ।
\s5
\v 8 ଆଉ, ଆମ୍ଭେ ମିସରରେ ଅଗ୍ନି ଲଗାଇଲା ଉତ୍ତାରେ ଓ ତାହାର ସହାୟକାରୀ ସମସ୍ତେ ବିନଷ୍ଟ ହେଲା ଉତ୍ତାରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ।
\v 9 ସେହି ଦିନ ନିଶ୍ଚିନ୍ତ କୂଶୀୟମାନଙ୍କୁ ଭୀତ କରାଇବା ପାଇଁ ଦୂତମାନେ ଆମ୍ଭ ସମ୍ମୁଖରୁ ଜାହାଜରେ ଯିବେ; ପୁଣି, ମିସରର ଦିନରେ ଯେପରି ହୋଇଥିଲା, ସେହିପରି ସେମାନଙ୍କର ଯାତନା ହେବ; କାରଣ ଦେଖ, ତାହା ଆସୁଅଛି।
\s5
\v 10 ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; “ଆମ୍ଭେ ମଧ୍ୟ ବାବିଲର ରାଜା ନବୂଖଦ୍‍ନିତ୍ସରର ହସ୍ତ ଦ୍ୱାରା ମିସରର ଲୋକସମୂହ ଶେଷ କରିବା।”
\v 11 ସେ ଓ ଗୋଷ୍ଠୀଗଣ ମଧ୍ୟରେ ଭୟଙ୍କର ତାହାର ଲୋକମାନେ ତାହା ସଙ୍ଗେ ଦେଶ ବିନାଶାର୍ଥେ ଅଣାଯିବେ; ଆଉ, ସେମାନେ ମିସରର ବିରୁଦ୍ଧରେ ଆପଣା ଆପଣା ଖଡ୍ଗ ନିଷ୍କୋଷ କରି ହତ ଲୋକରେ ଦେଶ ପୂର୍ଣ୍ଣ କରିବେ।
\s5
\v 12 ପୁଣି, ଆମ୍ଭେ ସ୍ରୋତସମୂହ ଶୁଷ୍କ କରିବା ଓ ମନ୍ଦ ଲୋକମାନଙ୍କ ହସ୍ତରେ ଦେଶ ବିକ୍ରୟ କରିବା; ଆଉ, ଆମ୍ଭେ ବିଦେଶୀମାନଙ୍କ ହସ୍ତ ଦ୍ୱାରା ଦେଶ ଓ ତନ୍ମଧ୍ୟସ୍ଥ ଯାବତୀୟ ବିଷୟ ଧ୍ୱଂସ କରିବା; ଆମ୍ଭେ ସଦାପ୍ରଭୁ ଏହା କହିଅଛୁ।
\s5
\v 13 ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; “ଆମ୍ଭେ ଦେବତାଗଣକୁ ହିଁ ବିନାଶ କରିବା ଓ ଆମ୍ଭେ ନୋଫରୁ ପ୍ରତିମାସକଳ ଶେଷ କରାଇବା, ପୁଣି, ମିସର ଦେଶରୁ ଆଉ ଅଧିପତି ଉତ୍ପନ୍ନ ନୋହିବ ଓ ଆମ୍ଭେ ମିସର ଦେଶରେ ଭୟ ଜନ୍ମାଇବା।
\v 14 ପୁଣି, ଆମ୍ଭେ ପଥ୍ରୋଷକୁ ଧ୍ୱଂସ କରିବା ଓ ସୋୟନରେ ଅଗ୍ନି ଲଗାଇବା, ଆଉ ନୋ-ନଗରରେ ଦଣ୍ଡାଜ୍ଞା ସଫଳ କରିବା।
\s5
\v 15 ପୁଣି, ଆମ୍ଭେ ମିସରର ଦୃଢ଼ ଦୁର୍ଗ ସୀନ ଉପରେ ଆପଣା କୋପ ଢାଳି ଦେବା ଓ ଆମ୍ଭେ ନୋ-ନଗରର ଲୋକସମୂହକୁ ଉଚ୍ଛିନ୍ନ କରିବା।
\v 16 ଆଉ, ଆମ୍ଭେ ମିସରରେ ଅଗ୍ନି ଲଗାଇବା; ସୀନ ମହାଯାତନାଗ୍ରସ୍ତ ହେବ ଓ ନୋ-ନଗର ଭଗ୍ନ ହେବ; ଆଉ, ଦିବସ ସମୟରେ ନୋଫର ବିପକ୍ଷମାନେ ଉତ୍ପାତ କରିବେ।
\s5
\v 17 ଓନ୍‍
\f +
\fr 30:17
\fq ଓନ୍‍
\ft କିମ୍ବା ଆବେନ
\f* ଓ ପୀବେଶହର ଯୁବାମାନେ ଖଡ୍ଗରେ ପତିତ ହେବେ ଓ ନଗରସବୁ ବନ୍ଦୀତ୍ୱ ସ୍ଥାନକୁ ଯିବେ।
\v 18 ଆମ୍ଭେ ଯେତେବେଳେ ତଫନ୍‍ହେଷରେ ମିସରର ଯୁଆଳିସବୁ ଭାଙ୍ଗିବା ଓ ତାହାର ପରାକ୍ରମର ଦର୍ପ ତାହା ମଧ୍ୟରେ ଶେଷ ହେବ, ସେତେବେଳେ ସେଠାରେ ଦିବସ ଆପେ ଅପସରି ଯିବ; ଆଉ, ସେ ନିଜେ ମେଘାଚ୍ଛନ୍ନ ହେବ ଓ ତାହାର କନ୍ୟାଗଣ ବନ୍ଦୀତ୍ୱ ସ୍ଥାନକୁ ଯିବେ।
\v 19 ଏହିରୂପେ ଆମ୍ଭେ ମିସରରେ ଦଣ୍ଡାଜ୍ଞା ସଫଳ କରିବା; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ।”
\s5
\v 20 ଏଥିଉତ୍ତାରେ ଏକାଦଶ ବର୍ଷର ପ୍ରଥମ ମାସ, ମାସର ସପ୍ତମ ଦିନରେ ସଦାପ୍ରଭୁଙ୍କର ବାକ୍ୟ ମୋ’ ନିକଟରେ ଉପସ୍ଥିତ ହେଲା ଏବଂ ସେ କହିଲେ,
\v 21 “ହେ ମନୁଷ୍ୟ-ସନ୍ତାନ, ଆମ୍ଭେ ମିସରର ରାଜା ଫାରୋର ବାହୁ ଭାଙ୍ଗିଅଛୁ; ଆଉ ଦେଖ, ଖଡ୍ଗ ଧରିବା ନିମନ୍ତେ ତାହା ଯେପରି ସବଳ ହେବ, ଏଥିପାଇଁ ସ୍ୱାସ୍ଥ୍ୟଜନକ ଔଷଧ ଦେଇ ପଟି ଲଗାଇ ତାହା ବନ୍ଧାଯାଇ ନାହିଁ।”
\s5
\v 22 ଏହେତୁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, “ଦେଖ, ଆମ୍ଭେ ମିସରର ରାଜା ଫାରୋର ପ୍ରତିକୂଳ ଅଟୁ, ଆଉ ତାହାର ବଳବାନ ଓ ଭଗ୍ନ, ଉଭୟ ବାହୁ ଭାଙ୍ଗି ପକାଇବା ଓ ଆମ୍ଭେ ତାହାର ହସ୍ତରୁ ଖଡ୍ଗ ଖସାଇ ପକାଇବା।
\v 23 ପୁଣି, ଆମ୍ଭେ ନାନା ଗୋଷ୍ଠୀ ମଧ୍ୟରେ ମିସ୍ରୀୟମାନଙ୍କୁ ଛିନ୍ନଭିନ୍ନ କରିବା ଓ ନାନା ଦେଶରେ ସେମାନଙ୍କୁ ବିକ୍ଷିପ୍ତ କରିବା।
\v 24 ଆଉ, ଆମ୍ଭେ ବାବିଲ ରାଜାର ବାହୁଦ୍ୱୟ ସବଳ କରିବା ଓ ତାହା ହସ୍ତରେ ଆମ୍ଭର ଖଡ୍ଗ ଦେବା; ମାତ୍ର ଆମ୍ଭେ ଫାରୋର ବାହୁଦ୍ୱୟ ଭାଙ୍ଗି ପକାଇବା, ତହିଁରେ ସେ ପ୍ରାଣନାଶକ କ୍ଷତପ୍ରାପ୍ତ ଲୋକର କାତରୋକ୍ତି ତୁଲ୍ୟ କାତରୋକ୍ତି ତାହା ସାକ୍ଷାତରେ କରିବ।
\s5
\v 25 ପୁଣି, ଆମ୍ଭେ ବାବିଲ ରାଜାର ବାହୁଦ୍ୱୟ ଟେକି ଧରିବା ଓ ଫାରୋର ବାହୁଦ୍ୱୟ ତଳକୁ ଓହଳି ପଡ଼ିବ; ଆଉ, ଆମ୍ଭେ ଯେତେବେଳେ ବାବିଲ ରାଜାର ହସ୍ତରେ ଆମ୍ଭର ଖଡ୍ଗ ଦେବା ଓ ସେ ମିସର ଦେଶ ବିରୁଦ୍ଧରେ ତାହା ବିସ୍ତାର କରିବ, ସେତେବେଳେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ।
\v 26 ପୁଣି, ଆମ୍ଭେ ମିସ୍ରୀୟମାନଙ୍କୁ ନାନା ଗୋଷ୍ଠୀ ମଧ୍ୟରେ ଛିନ୍ନଭିନ୍ନ କରିବା ଓ ନାନା ଦେଶରେ ସେମାନଙ୍କୁ ବିକ୍ଷିପ୍ତ କରିବା; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ।”
\s5
\c 31
\s ଫାରୋର ମୃତ୍ୟୁୁ
\p
\v 1 ଏଥିଉତ୍ତାରେ ଏକାଦଶ ବର୍ଷର ତୃତୀୟ ମାସର ପ୍ରଥମ ଦିନରେ ସଦାପ୍ରଭୁଙ୍କର ବାକ୍ୟ ମୋ’ ନିକଟରେ ଉପସ୍ଥିତ ହେଲା, ଯଥା;
\v 2 “ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ମିସରର ରାଜା ଫାରୋକୁ ଓ ତାହାର ଲୋକମାନଙ୍କୁ କୁହ; ତୁମ୍ଭେ ଆପଣା ମହତ୍ତ୍ୱରେ କାହାର ତୁଲ୍ୟ ?
\s5
\v 3 ଦେଖ, ଅଶୂର ଲିବାନୋନସ୍ଥ ଏରସ ବୃକ୍ଷ ସ୍ୱରୂପ ଥିଲା, ତାହାର ସୁନ୍ଦର ଘନଚ୍ଛାୟାଦାୟକ ଓ ଉଚ୍ଚାକୃତି ଶାଖାମାନ ଥିଲା ଓ ତାହାର ଶିଖର ଗହଳିଆ ଡାଳ ମଧ୍ୟରେ ଥିଲା।
\v 4 ଅପାର ଜଳ ତାହାକୁ ପୁଷ୍ଟ କଲା, ଜଳଧି ତାହାକୁ ବର୍ଦ୍ଧିତ କଲା; ତାହାର ସ୍ରୋତସମୂହ ତାହାର ରୋପଣ ସ୍ଥାନର ଚତୁର୍ଦ୍ଦିଗରେ ବହିଲା ଓ ସେ କ୍ଷେତ୍ରସ୍ଥ ବୃକ୍ଷସକଳର ନିକଟକୁ ଆପଣା ଜଳପ୍ରଣାଳୀ ପଠାଇଲା।
\s5
\v 5 ଏ ସକାଶୁ କ୍ଷେତ୍ରସ୍ଥ ବୃକ୍ଷସକଳ ଅପେକ୍ଷା ସେ ଉଚ୍ଚୀକୃତ ହେଲା ଓ ତାହାର ଡାଳସବୁ ବହୁସଂଖ୍ୟକ ହେଲା; ଆଉ ସେ ଆପଣା ଶାଖା ମେଲିବା ବେଳେ ଅପାର ଜଳ ହେତୁ ସେହି ସବୁ ଦୀର୍ଘ ହେଲା।
\v 6 ତାହାର ଡାଳରେ ଆକାଶର ପକ୍ଷୀସକଳ ବସା କଲେ ଓ ତାହାର ଶାଖା ତଳେ କ୍ଷେତ୍ରସ୍ଥ ପଶୁସକଳ ପ୍ରସବ କଲେ, ପୁଣି, ତାହାର ଛାୟା ତଳେ ମହାଗୋଷ୍ଠୀସବୁ ବାସ କଲେ।
\v 7 ଏହି ପ୍ରକାରେ ସେ ଆପଣା ମହତ୍ତ୍ୱରେ, ତାହାର ଶାଖାସକଳର ଦୀର୍ଘତାରେ ମନୋହର ହେଲା; କାରଣ ପ୍ରଚୁର ଜଳ ନିକଟରେ ତାହାର ମୂଳ ଥିଲା।
\s5
\v 8 ପରମେଶ୍ୱରଙ୍କ ଉଦ୍ୟାନସ୍ଥ ଏରସ ବୃକ୍ଷସବୁ ତାହାକୁ ଲୁଚାଇ ପାରିଲେ ନାହିଁ; ଦେବଦାରୁ ବୃକ୍ଷସବୁ ତାହାର ଡାଳ ପରି ଓ ଅର୍ମୋନ୍‍ ବୃକ୍ଷସବୁ ତାହାର ଶାଖା ପରି ନ ଥିଲେ, ଅଥବା ପରମେଶ୍ୱରଙ୍କ ଉଦ୍ୟାନସ୍ଥିତ କୌଣସି ବୃକ୍ଷ ସୌନ୍ଦର୍ଯ୍ୟରେ ତାହା ପରି ନ ଥିଲା।
\v 9 ଆମ୍ଭେ ବହୁସଂଖ୍ୟକ ଶାଖା ଦ୍ୱାରା ତାକୁ ମନୋହର କଲୁ; ଏଥିପାଇଁ ପରମେଶ୍ୱରଙ୍କ ଉଦ୍ୟାନସ୍ଥିତ ଏଦନର ସକଳ ବୃକ୍ଷ ତାହାକୁ ଈର୍ଷା କଲେ।”
\s5
\v 10 ଏହେତୁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; “ଦେଖ, ସେ ବୃକ୍ଷ ଦୀର୍ଘତାରେ ଉଚ୍ଚୀକୃତ ହୋଇଅଛି ଓ ଗହଳିଆ ଡାଳସମୂହ ମଧ୍ୟରେ ସେ ଆପଣା ଶିଖର ରଖିଅଛି, ଆଉ ଆପଣାର ଉଚ୍ଚତାରେ ତାହାର ଅନ୍ତଃକରଣ ଗର୍ବିତ ହୋଇଅଛି,
\v 11 ଏଥିପାଇଁ ଆମ୍ଭେ ତାହାକୁ ନାନା ଗୋଷ୍ଠୀ ମଧ୍ୟରେ ବଳବାନର ହସ୍ତରେ ସମର୍ପଣ କରିବା, ସେ ନିଶ୍ଚୟ ତାହା ସହିତ ଉଚିତ ବ୍ୟବହାର କରିବ, ଆମ୍ଭେ ତାହାର ଦୁଷ୍ଟତା ସକାଶୁ ତାହାକୁ ତଡ଼ି ଦେଇଅଛୁ।
\s5
\v 12 ପୁଣି, ଗୋଷ୍ଠୀୟମାନଙ୍କ ମଧ୍ୟରେ ଭୟଙ୍କର ବିଦେଶୀମାନେ ତାହାକୁ କାଟି ପକାଇ ଛାଡ଼ି ଯାଇଅଛନ୍ତି; ପର୍ବତମାନଙ୍କ ଉପରେ ଓ ସକଳ ଉପତ୍ୟକାରେ ତାହାର ଶାଖାସବୁ ପଡ଼ିଅଛି, ଆଉ ଦେଶର ସକଳ ଜଳପ୍ରବାହର ନିକଟରେ ତାହାର ଡାଳସବୁ ଭଙ୍ଗା ଯାଇଅଛି; ପୁଣି, ପୃଥିବୀସ୍ଥ ଯାବତୀୟ ଗୋଷ୍ଠୀ ତାହାର ଛାୟା ତଳୁ ଯାଇଅଛନ୍ତି ଓ ତାହାକୁ ତ୍ୟାଗ କରିଅଛନ୍ତି।
\s5
\v 13 ଜଳରାଶିର ନିକଟବର୍ତ୍ତୀ ସକଳ ବୃକ୍ଷ ମଧ୍ୟରୁ କୌଣସି ବୃକ୍ଷ ଯେପରି ଆପଣା ଦୀର୍ଘତାରେ ଦର୍ପ ନ କରେ, କିଅବା ଗହଳିଆ ଡାଳମାନଙ୍କ ମଧ୍ୟରେ ଆପଣା ଶିଖର ନ ରଖେ, ଅଥବା ଜଳପାୟୀ ବିକ୍ରମୀସକଳ ଯେପରି ଆପଣା ଆପଣା ଉଚ୍ଚତାରେ ଠିଆ ନ ହୁଅନ୍ତି;
\v 14 ଏହି ଅଭିପ୍ରାୟରେ ତାହାର ଭଗ୍ନାବଶିଷ୍ଟାଂଶ ଉପରେ ଆକାଶର ପକ୍ଷସକଳ ବାସ କରିବେ ଓ କ୍ଷେତ୍ରସ୍ଥ ପଶୁସକଳ ତାହାର ଶାଖାମାନଙ୍କ ଉପରେ ରହିବେ; କାରଣ ମନୁଷ୍ୟ-ସନ୍ତାନଗଣ ମଧ୍ୟରେ ଗର୍ତ୍ତଗାମୀମାନଙ୍କ ସହିତ ସେମାନେ ସମସ୍ତେ ମୃତ୍ୟୁୁରେ ଅଧୋଭୁବନରେ ସମର୍ପିତ ହୋଇଅଛନ୍ତି।”
\s5
\v 15 ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; “ସେ ପାତାଳକୁ ଓହ୍ଲାଇ ଯିବା ଦିନ ଆମ୍ଭେ ଶୋକ ନିରୂପଣ କଲୁ, ଆମ୍ଭେ ତାହା ସକାଶୁ ଜଳଧିକୁ ଆଚ୍ଛାଦିତ କଲୁ ଓ ଆମ୍ଭେ ତହିଁର ସ୍ରୋତସମୂହକୁ ନିବୃତ୍ତ କଲୁ, ତହିଁରେ ମହାଜଳରାଶି ରୁଦ୍ଧ ହେଲା; ପୁଣି, ଆମ୍ଭେ ତାହା ନିମନ୍ତେ ଲିବାନୋନକୁ ଶୋକ କରାଇଲୁ ଓ କ୍ଷେତ୍ରସ୍ଥ ବୃକ୍ଷସକଳ ତାହା ଲାଗି ମ୍ଳାନ ହେଲେ।
\s5
\v 16 ଆମ୍ଭେ ତାହାକୁ ଗର୍ତ୍ତ ଅବରୋହଣକାରୀମାନଙ୍କ ସହିତ ପାତାଳକୁ ପକାଇ ଦେବା ବେଳେ, ତାହାର ପତନ ଶବ୍ଦରେ ଗୋଷ୍ଠୀୟମାନଙ୍କୁ କମ୍ପିତ କରାଇଲୁ; ପୁଣି, ଏଦନର, ଅର୍ଥାତ୍‍, ଲିବାନୋନର ମନୋନୀତ ଓ ସର୍ବୋତ୍ତମ ଜଳପାୟୀ ବୃକ୍ଷସକଳ ଅଧୋଭୁବନରେ ସାନ୍ତ୍ୱନା ପାଇଲେ।
\s5
\v 17 ସେମାନେ ହିଁ ତାହା ସହିତ ପାତାଳକୁ, ଖଡ୍ଗରେ ହତ ଲୋକମାନଙ୍କ ନିକଟକୁ ଓହ୍ଲାଇ ଗଲେ; ହଁ, ସେମାନେ ତାହାର ବାହୁ ସ୍ୱରୂପ ହୋଇ ତାହାର ଛାୟା ତଳେ ଗୋଷ୍ଠୀୟମାନଙ୍କ ମଧ୍ୟରେ ବାସ କରିଥିଲେ।
\v 18 ଏହିରୂପେ ତୁମ୍ଭେ ଐଶ୍ୱର୍ଯ୍ୟରେ ଓ ମହତ୍ତ୍ୱରେ ଏଦନସ୍ଥ ବୃକ୍ଷସମୂହର ମଧ୍ୟରେ କାହାର ତୁଲ୍ୟ ? ତଥାପି ତୁମ୍ଭେ ଏଦନସ୍ଥ ବୃକ୍ଷଗଣର ସହିତ ଅଧୋଭୁବନକୁ ଅଣାଯିବ; ତୁମ୍ଭେ ଅସୁନ୍ନତ ଲୋକମାନଙ୍କ ମଧ୍ୟରେ ଖଡ୍ଗହତ ଲୋକମାନଙ୍କ ସହିତ ଶୟନ କରିବ। ଏହି ଫାରୋ ଓ ତାହାର ସମସ୍ତ ଲୋକ ଏପରି ଅଟନ୍ତି,” ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।
\s5
\c 32
\s ମିସର ରାଜା ଫାରୋ ନିମନ୍ତେ ବିଳାପ
\p
\v 1 ଏଥିଉତ୍ତାରେ ଦ୍ୱାଦଶ ବର୍ଷର ଦ୍ୱାଦଶ ମାସର ପ୍ରଥମ ଦିନରେ ସଦାପ୍ରଭୁଙ୍କର ବାକ୍ୟ ମୋ’ ନିକଟରେ ଉପସ୍ଥିତ ହେଲା ଏବଂ ସେ କହିଲେ,
\v 2 “ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ମିସରର ରାଜା ଫାରୋ ନିମନ୍ତେ ବିଳାପ କର, ଆଉ ତାହାକୁ କୁହ, ତୁମ୍ଭେ ଗୋଷ୍ଠୀୟମାନଙ୍କର ଯୁବା ସିଂହ ସଙ୍ଗେ ତୁଳନା କରାଯାଇଥିଲ, ତଥାପି ତୁମ୍ଭେ ଜଳଚର କୁମ୍ଭୀର ସଦୃଶ ଅଟ; ପୁଣି, ତୁମ୍ଭେ ଆପଣା ନଦୀସମୂହର ଜଳ ଅତିକ୍ରମ କରି ଓ ଆପଣା ପାଦରେ ଜଳ ହଲାଇ ସେମାନଙ୍କର ନଦୀସମୂହକୁ ଗୋଳିଆ କରିଅଛ।”
\s5
\v 3 ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି: “ଆମ୍ଭେ ଅନେକ ଗୋଷ୍ଠୀର ଏକ ସମାଜ ନେଇ ତୁମ୍ଭ ଉପରେ ଆମ୍ଭ ଜାଲ ପ୍ରସାରିବା ଓ ସେମାନେ ଆମ୍ଭ ଜାଲରେ ତୁମ୍ଭକୁ ଉପରକୁ ଆଣିବେ।
\v 4 ପୁଣି, ଆମ୍ଭେ ତୁମ୍ଭକୁ ସ୍ଥଳରେ ଛାଡ଼ି ଦେବା, ଆମ୍ଭେ ତୁମ୍ଭକୁ ପଦାରେ ପକାଇ ଦେବା ଓ ଆକାଶର ପକ୍ଷସକଳକୁ ତୁମ୍ଭ ଉପରେ ବସାଇବା ଓ ସମୁଦାୟ ପୃଥିବୀର ପଶୁଗଣକୁ ତୁମ୍ଭ ଦ୍ୱାରା ତୃପ୍ତ କରାଇବା।
\s5
\v 5 ଆମ୍ଭେ ପର୍ବତଗଣର ଉପରେ ତୁମ୍ଭର ମାଂସ ପକାଇବା ଓ ତୁମ୍ଭର ଦୀର୍ଘ ଶବରେ ଉପତ୍ୟକାସକଳ ପୂର୍ଣ୍ଣ କରିବା।
\v 6 ଆହୁରି, ତୁମ୍ଭେ ଯେଉଁ ଦେଶରେ ପହଁରୁଅଛ, ସେହି ଦେଶକୁ ପର୍ବତ ପର୍ଯ୍ୟନ୍ତ ହିଁ ଆମ୍ଭେ ତୁମ୍ଭ ରକ୍ତରେ ସିକ୍ତ କରିବା ଓ ଜଳପ୍ରଣାଳୀସକଳ ତୁମ୍ଭ ରକ୍ତରେ ପରିପୂର୍ଣ୍ଣ ହେବ।
\s5
\v 7 ପୁଣି, ଆମ୍ଭେ ତୁମ୍ଭକୁ ନିର୍ବାଣ କରିବା ସମୟରେ ଆକାଶକୁ ଆଚ୍ଛନ୍ନ କରିବା ଓ ତହିଁର ନକ୍ଷତ୍ରଗଣକୁ ଅନ୍ଧକାରମୟ କରିବା; ଆମ୍ଭେ ସୂର୍ଯ୍ୟକୁ ମେଘାଚ୍ଛନ୍ନ କରିବା ଓ ଚନ୍ଦ୍ର ଆପଣାର ଜ୍ୟୋତ୍ସ୍ନା ଦେବ ନାହିଁ।
\v 8 ଆକାଶର ସକଳ ଉଜ୍ଜ୍ୱଳ ଜ୍ୟୋତିକୁ ଆମ୍ଭେ ତୁମ୍ଭ ଉପରେ ଅନ୍ଧକାରମୟ କରିବା ଓ ତୁମ୍ଭ ଦେଶ ଉପରେ ଅନ୍ଧକାର ସ୍ଥାପନ କରିବା,” ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।
\s5
\v 9 “ଆହୁରି ଆମ୍ଭେ ତୁମ୍ଭର ଅଜ୍ଞାତ ଦେଶସମୂହ ପର୍ଯ୍ୟନ୍ତ ନାନା ଦେଶୀୟମାନଙ୍କ ମଧ୍ୟରେ ତୁମ୍ଭର ବିନାଶ ଘଟାଇବା ବେଳେ ଅନେକ ଗୋଷ୍ଠୀର ହୃଦୟ ବ୍ୟସ୍ତ କରିବା।
\v 10 ହଁ, ଆମ୍ଭେ ଅନେକ ଗୋଷ୍ଠୀକୁ ତୁମ୍ଭର ବିଷୟରେ ଚମତ୍କୃତ କରାଇବା, ଆଉ ସେମାନଙ୍କ ରାଜାଗଣର ସାକ୍ଷାତରେ ଆମ୍ଭେ ଆପଣା ଖଡ୍ଗ ଚଳାଇବା ବେଳେ ସେମାନେ ଅତିଶୟ ଭୀତ ହେବେ; ଆଉ, ତୁମ୍ଭର ପତନ ଦିନ ସେମାନେ ପ୍ରତ୍ୟେକେ ଆପଣା ଆପଣା ପ୍ରାଣ ବିଷୟରେ ଭୟରେ କମ୍ପିତ ହେବେ।”
\s5
\v 11 କାରଣ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି : “ବାବିଲ ରାଜାର ଖଡ୍ଗ ତୁମ୍ଭକୁ ଆକ୍ରମଣ କରିବ।
\v 12 ଆମ୍ଭେ ତୁମ୍ଭର ଲୋକ ସମସ୍ତଙ୍କୁୁ ବୀରଗଣର ଖଡ୍ଗ ଦ୍ୱାରା ନିପାତ କରିବା; ସେମାନେ ସମସ୍ତେ ଗୋଷ୍ଠୀଗଣ ମଧ୍ୟରେ ଭୟଙ୍କର ଅଟନ୍ତି; ଆଉ, ସେମାନେ ମିସରର ଗର୍ବ ଚୂର୍ଣ୍ଣ କରିବେ ଓ ତହିଁର ଲୋକ ସମସ୍ତେ ବିନଷ୍ଟ ହେବେ।
\s5
\v 13 ଆହୁରି, ଆମ୍ଭେ ଅପାର ଜଳ ନିକଟରୁ ତହିଁର ସମସ୍ତ ପଶୁ ବିନାଶ କରିବା; ତହିଁରେ ମନୁଷ୍ୟର ଚରଣ ତାହା ଆଉ ହଲାଇବ ନାହିଁ, ଅବା ପଶୁଗଣର ଖୁରା ତାହା ଚହଲାଇବ ନାହିଁ।
\v 14 ସେତେବେଳେ ଆମ୍ଭେ ସେମାନଙ୍କର ଜଳ ନିର୍ମଳ କରିବା ଓ ସେମାନଙ୍କର ନଦୀସମୂହକୁ ତୈଳ ପରି ବହାଇବା,” ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।
\s5
\v 15 “ଯେତେବେଳେ ଆମ୍ଭେ ମିସର ଦେଶକୁ ଧ୍ୱଂସସ୍ଥାନ ଓ ଶୂନ୍ୟ କରିବା, ଯହିଁରେ ସେ ପରିପୂର୍ଣ୍ଣ ହୋଇଥିଲା, ସେହି ସବୁ ତହିଁରୁ ରହିତ କରିବା, ଯେତେବେଳେ ଆମ୍ଭେ ତନ୍ନିବାସୀ ସମସ୍ତଙ୍କୁ ଆଘାତ କରିବା, ସେତେବେଳେ ଆମ୍ଭେ ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ।
\v 16 ଏହି ବିଳାପ ଗୀତ ଲୋକେ ଗାନ କରିବେ; ଗୋଷ୍ଠୀୟମାନଙ୍କର କନ୍ୟାଗଣ ବିଳାପ କରି ଏହା ଗାନ କରିବେ; ମିସରର ଉଦ୍ଦେଶ୍ୟରେ ଓ ତାହାର ସକଳ ଲୋକସମୂହର ଉଦ୍ଦେଶ୍ୟରେ ବିଳାପ କରି ଗାନ କରିବେ” ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।
\s5
\v 17 ଦ୍ୱାଦଶ ମାସର ପଞ୍ଚଦଶ ଦିନରେ ସଦାପ୍ରଭୁଙ୍କର ବାକ୍ୟ ମୋ’ ନିକଟରେ ଉପସ୍ଥିତ ହେଲା ଏବଂ ସେ କହିଲେ,
\v 18 “ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ମିସରର ଲୋକମାନଙ୍କ ବିଷୟରେ ହାହାକାର କର, ପୁଣି, ସେମାନଙ୍କୁ, ଅର୍ଥାତ୍‍, ତାହାକୁ ଓ ବିଖ୍ୟାତ ଗୋଷ୍ଠୀୟମାନଙ୍କର କନ୍ୟାଗଣକୁ ଗର୍ତ୍ତଗାମୀମାନଙ୍କ ସହିତ ଅଧୋଭୁବନରେ ପକାଇ ଦିଅ।
\s5
\v 19 ତୁମ୍ଭେ ସୌନ୍ଦର୍ଯ୍ୟରେ କାହା ଅପେକ୍ଷା ଅଧିକ ? ତଳକୁ ଯାଅ ଓ ଅସୁନ୍ନତ ଲୋକମାନଙ୍କ ସହିତ ଶୟନ କର।
\v 20 ସେମାନେ ଖଡ୍ଗ ଦ୍ୱାରା ହତ ଲୋକମାନଙ୍କ ମଧ୍ୟରେ ପତିତ ହେବେ; ସେ ଖଡ୍ଗରେ ସମର୍ପିତ ହୋଇଅଛି; ତାହାକୁ ଓ ତାହାର ସମସ୍ତ ଲୋକଙ୍କୁ ଟାଣି ନିଅ।
\v 21 ବୀରଗଣ ମଧ୍ୟରେ ବଳବାନମାନେ ପାତାଳ ମଧ୍ୟରୁ ତାହାକୁ ଓ ତାହାର ସହାୟକାରୀମାନଙ୍କୁ କଥା କହିବେ; ସେମାନେ, ଅର୍ଥାତ୍‍, ଖଡ୍ଗ ଦ୍ୱାରା ହତ ଅସୁନ୍ନତ ଲୋକମାନେ ଓହ୍ଲାଇ ଯାଇଅଛନ୍ତି; ସେମାନେ ସ୍ଥିର ହୋଇ ଶୟନ କରନ୍ତି।
\s5
\v 22 ଅଶୂର ଓ ତାହାର ସମସ୍ତ ଜନସମାଜ ସେଠାରେ ଅଛନ୍ତି; ତାହାର କବରସକଳ ତାହାର ଚତୁର୍ଦ୍ଦିଗରେ ଅଛି; ସେମାନେ ସମସ୍ତେ ହତ, ଖଡ୍ଗ ଦ୍ୱାରା ପତିତ ହୋଇଅଛନ୍ତି;
\v 23 ଗର୍ତ୍ତର ଶେଷ ସୀମାରେ ସେମାନଙ୍କୁ କବର ଦିଆଯାଇଅଛି ଓ ତାହାର ଜନସମାଜ ତାହାର କବରର ଚତୁର୍ଦ୍ଦିଗରେ ଅଛି; ଯେଉଁମାନେ ଜୀବିତମାନଙ୍କ ଦେଶରେ ଭୟ ଜନ୍ମାଇଲେ ସେମାନେ ସମସ୍ତେ ହତ, ଖଡ୍ଗ ଦ୍ୱାରା ପତିତ ହୋଇଅଛନ୍ତି।
\s5
\v 24 ସେହି ସ୍ଥାନରେ ଏଲମ୍‍ ଓ ତାହାର କବରର ଚତୁର୍ଦ୍ଦିଗରେ ତାହାର ସମସ୍ତ ଲୋକସମୂହ ଅଛି; ଯେଉଁମାନେ ଜୀବିତମାନଙ୍କ ଦେଶରେ ଭୟ ଜନ୍ମାଇଲେ, ସେମାନେ ସମସ୍ତେ ହତ, ଖଡ୍ଗ ଦ୍ୱାରା ପତିତ ହୋଇ ଅସୁନ୍ନତ ଅବସ୍ଥାରେ ଅଧୋଭୁବନକୁ ଓହ୍ଲାଇ ଯାଇଅଛନ୍ତି ଓ ଗର୍ତ୍ତଗାମୀମାନଙ୍କ ସହିତ ଆପଣାମାନଙ୍କ ଅପମାନ ଭୋଗ କରିଅଛନ୍ତି।
\v 25 ହତ ଲୋକମାନଙ୍କ ମଧ୍ୟରେ ସେମାନେ ତାହାର ଓ ତାହା ସହିତ ତାହାର ସମସ୍ତ ଜନସମାଜର ଶଯ୍ୟା ପାତିଅଛନ୍ତି, ତାହାର ଚତୁର୍ଦ୍ଦିଗରେ ତାହାର କବରସବୁ ଅଛି; ସେମାନେ ସମସ୍ତେ ଅସୁନ୍ନତ ଅବସ୍ଥାରେ ଖଡ୍ଗ ଦ୍ୱାରା ପତିତ ହୋଇଅଛନ୍ତି; କାରଣ ସେମାନେ ଜୀବିତମାନଙ୍କ ଦେଶରେ ଭୟ ଜନ୍ମାଇ ଥିଲେ, ଏବେ ଗର୍ତ୍ତଗାମୀମାନଙ୍କ ସହିତ ଆପଣାମାନଙ୍କର ଅପମାନ ଭୋଗ କରିଅଛନ୍ତି; ସେ ହତ ଲୋକମାନଙ୍କ ମଧ୍ୟରେ ରଖା ଯାଇଅଛି।
\s5
\v 26 ସେହି ସ୍ଥାନରେ ମେଶକ୍‍, ତୁବଲ୍‍ ଓ ତାହାର ସମସ୍ତ ଜନସମାଜ ଅଛନ୍ତି; ତାହାର ଚତୁର୍ଦ୍ଦିଗରେ ତାହାର କବରସବୁ ଅଛି; ସେମାନେ ସମସ୍ତେ ଅସୁନ୍ନତ ଅବସ୍ଥାରେ ଖଡ୍ଗ ଦ୍ୱାରା ପତିତ ହେଲେ; କାରଣ ସେମାନେ ଜୀବିତ ଲୋକମାନଙ୍କ ଦେଶରେ ଭୟ ଜନ୍ମାଇଥିଲେ।
\v 27 ପୁଣି, ଅସୁନ୍ନତ ଲୋକମାନଙ୍କ ମଧ୍ୟରୁ ଯେଉଁ ବୀରମାନେ ପତିତ ହୋଇଅଛନ୍ତି, ଯେଉଁମାନେ ଆପଣା ଆପଣା ଯୁଦ୍ଧାସ୍ତ୍ର ସହିତ ପାତାଳକୁ ଓହ୍ଲାଇ ଯାଇଅଛନ୍ତି ଓ ଆପଣା ଆପଣା ଖଡ୍ଗ ଆପଣା ଆପଣା ମସ୍ତକର ତଳେ ରଖିଅଛନ୍ତି ଓ ସେମାନଙ୍କ ଅଧର୍ମ ସେମାନଙ୍କ ଅସ୍ଥି ଉପରେ ଅଛି, ସେମାନଙ୍କ ସହିତ ଏମାନେ ଶୟନ କରିବେ ନାହିଁ; କାରଣ ସେମାନେ ଜୀବିତମାନଙ୍କ ଦେଶରେ ବୀରଗଣର ପ୍ରତି ଭୟର ବିଷୟ ହୋଇଥିଲେ।
\s5
\v 28 ମାତ୍ର ତୁମ୍ଭେ ଅସୁନ୍ନତମାନଙ୍କ ମଧ୍ୟରେ ଭଗ୍ନ ହେବ ଓ ଖଡ୍ଗ ଦ୍ୱାରା ହତ ଲୋକମାନଙ୍କ ସହିତ ଶୟନ କରିବ।
\v 29 ସେହି ସ୍ଥାନରେ ଇଦୋମ, ତାହାର ରାଜାଗଣ ଓ ତାହାର ଅଧିପତିସକଳ ଅଛନ୍ତି, ସେମାନେ ଆପଣାମାନଙ୍କର ପରାକ୍ରମରେ ଖଡ୍ଗ ଦ୍ୱାରା ହତ ଲୋକମାନଙ୍କ ସହିତ ରଖା ଯାଇଅଛନ୍ତି; ସେମାନେ ଅସୁନ୍ନତ ଲୋକମାନଙ୍କ ଓ ଗର୍ତ୍ତଗାମୀମାନଙ୍କ ସହିତ ଶୟନ କରିବେ।
\s5
\v 30 ସେହି ସ୍ଥାନରେ ଉତ୍ତର ଦେଶୀୟ ଅଧିପତିମାନେ, ସେମାନଙ୍କର ସମସ୍ତେ ଓ ଯାବତୀୟ ସୀଦୋନୀୟ ଲୋକ ଅଛନ୍ତି, ସେମାନେ ହତ ଲୋକମାନଙ୍କ ସହିତ ଓହ୍ଲାଇ ଯାଇଅଛନ୍ତି; ସେମାନେ ଆପଣାମାନଙ୍କର ପରାକ୍ରମ ଦ୍ୱାରା ଯେଉଁ ଭୟ ଜନ୍ମାଇଲେ, ତହିଁ ବିଷୟରେ ଲଜ୍ଜିତ ହୋଇଅଛନ୍ତି; ଆଉ, ଅସୁନ୍ନତ ଅବସ୍ଥାରେ ସେମାନେ ଖଡ୍ଗ ଦ୍ୱାରା ହତ ଲୋକମାନଙ୍କ ସହିତ ଶୟନ କରନ୍ତି ଓ ଗର୍ତ୍ତଗାମୀମାନଙ୍କ ସହିତ ଆପଣାମାନଙ୍କର ଅପମାନ ଭୋଗ କରନ୍ତି।
\s5
\v 31 ଫାରୋ ସେମାନଙ୍କୁ ଦେଖିବ ଓ ଆପଣାର ଲୋକସମୂହ ସମସ୍ତର ବିଷୟରେ ସାନ୍ତ୍ୱନା ପାଇବ; ହଁ, ଫାରୋ ଓ ତାହାର ସମସ୍ତ ସୈନ୍ୟ ଖଡ୍ଗ ଦ୍ୱାରା ହତ ହୋଇଅଛନ୍ତି,” ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।
\v 32 “କାରଣ ଆମ୍ଭେ ଜୀବିତମାନଙ୍କ ଦେଶରେ ତାହା ବିଷୟରେ ଭୟ ଜନ୍ମାଇଅଛୁ; ଆଉ ସେ, ଅର୍ଥାତ୍‍, ଫାରୋ ଓ ତାହାର ଲୋକସମୂହ ସମସ୍ତେ ଖଡ୍ଗ ଦ୍ୱାରା ହତ ଲୋକମାନଙ୍କ ସହିତ ଅସୁନ୍ନତ ଲୋକମାନଙ୍କ ମଧ୍ୟରେ ରଖାଯିବେ,” ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।
\s5
\c 33
\s ଯିହିଜିକଲ ଇସ୍ରାଏଲର ପ୍ରହରୀ
\p
\v 1 ଏଥିଉତ୍ତାରେ ସଦାପ୍ରଭୁଙ୍କର ବାକ୍ୟ ମୋ’ ନିକଟରେ ଉପସ୍ଥିତ ହେଲା, ଯଥା;
\v 2 “ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଆପଣା ଲୋକମାନଙ୍କର ସନ୍ତାନଗଣକୁ କୁହ ଓ ସେମାନଙ୍କୁ କୁହ, ଆମ୍ଭେ କୌଣସି ଦେଶ ବିରୁଦ୍ଧରେ ଖଡ୍ଗ ଆଣିଲେ, ସେ ଦେଶର ଲୋକମାନେ ଯଦି ଆପଣାମାନଙ୍କ ମଧ୍ୟରୁ କୌଣସି ଏକ ବ୍ୟକ୍ତିକୁ ନେଇ ତାହାକୁ ଆପଣାମାନଙ୍କର ପ୍ରହରୀ କରି ନିଯୁକ୍ତ କରନ୍ତି;
\v 3 ସେହି ବ୍ୟକ୍ତି ଦେଶ ବିରୁଦ୍ଧରେ ଖଡ୍ଗ ଆସିବାର ଦେଖିଲେ, ଯଦି ତୂରୀ ବଜାଏ ଓ ଲୋକମାନଙ୍କୁ ସଚେତନ କରାଏ;
\v 4 ତେବେ ଯେକେହି ତହିଁରେ ତୂରୀର ଶବ୍ଦ ଶୁଣି ସଚେତନ ନ ହୁଏ, ପୁଣି, ଖଡ୍ଗ ଉପସ୍ଥିତ ହୋଇ ତାହାକୁ ସଂହାର କରେ, ତେବେ ତାହାର ରକ୍ତ ତାହାର ନିଜ ମସ୍ତକରେ ବର୍ତ୍ତିବ।
\s5
\v 5 ସେ ତୂରୀର ଶବ୍ଦ ଶୁଣି ସଚେତନ ହେଲା ନାହିଁ; ତାହାର ରକ୍ତ ତାହାରି ଉପରେ ବର୍ତ୍ତିବ; ଯେହେତୁ ସେ ସଚେତନ ହୋଇଥିଲେ, ଆପଣା ପ୍ରାଣ ବଞ୍ଚାଇ ଥା’ନ୍ତା।
\v 6 ମାତ୍ର ସେ ପ୍ରହରୀ ଯଦି ଖଡ୍ଗ ଆସିବାର ଦେଖି ତୂରୀ ନ ବଜାଏ, ପୁଣି, ଲୋକମାନେ ସଚେତନ ନ ହୁଅନ୍ତି, ଆଉ ଖଡ୍ଗ ଆସି ସେମାନଙ୍କ ମଧ୍ୟରୁ କୌଣସି ଲୋକକୁ ସଂହାର କରେ; ତେବେ ସେ ନିଜ ଅଧର୍ମରେ ସଂହାରିତ ହେଲା, ମାତ୍ର ଆମ୍ଭେ ତାହାର ରକ୍ତର ପରିଶୋଧ ସେହି ପ୍ରହରୀର ହସ୍ତରୁ ନେବା।
\s5
\v 7 ଏହିରୂପେ ହେ ମନୁଷ୍ୟ-ସନ୍ତାନ, ଆମ୍ଭେ ତୁମ୍ଭକୁ ଇସ୍ରାଏଲ ବଂଶର ପ୍ରହରୀ କରି ନିଯୁକ୍ତ କରିଅଛୁ; ଏହେତୁ ତୁମ୍ଭେ ଆମ୍ଭ ମୁଖରୁ ବାକ୍ୟ ଶୁଣି ଆମ୍ଭ ପକ୍ଷରୁ ସେମାନଙ୍କୁ ସଚେତନ କର।
\v 8 ଆମ୍ଭେ ଯେତେବେଳେ ଦୁଷ୍ଟକୁ କହୁ, ହେ ଦୁଷ୍ଟ ଲୋକ, ତୁମ୍ଭେ ନିଶ୍ଚୟ ମରିବ, ସେତେବେଳେ ତୁମ୍ଭେ ତାହାର ପଥ ବିଷୟରେ ସେହି ଦୁଷ୍ଟ ଲୋକକୁ ସଚେତନ କରିବା ପାଇଁ ଯଦି କିଛି ନ କୁହ; ତେବେ ସେହି ଦୁଷ୍ଟ ନିଜ ଅଧର୍ମରେ ମରିବ; ମାତ୍ର ଆମ୍ଭେ ତୁମ୍ଭ ହସ୍ତରୁ ତାହାର ରକ୍ତର ପରିଶୋଧ ନେବା।
\v 9 ତଥାପି ତୁମ୍ଭେ ସେହି ଦୁଷ୍ଟକୁ ତାହାର ପଥରୁ ଫେରିବା ନିମନ୍ତେ ତଦ୍‍ବିଷୟରେ ସଚେତନ କଲେ, ଯଦି ସେ ନ ଫେରେ, ତେବେ ସେ ନିଜ ଅଧର୍ମରେ ମରିବ, ମାତ୍ର ତୁମ୍ଭେ ଆପଣା ପ୍ରାଣ ବଞ୍ଚାଇବ।
\s ବ୍ୟକ୍ତିଗତ ଦାୟିତ୍ୱ
\p
\s5
\v 10 ଆଉ, ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଇସ୍ରାଏଲ ବଂଶକୁ କୁହ; ତୁମ୍ଭେମାନେ ଏପ୍ରକାର କହୁଅଛ, ଆମ୍ଭମାନଙ୍କର ଆଜ୍ଞା-ଲଙ୍ଘନ ଓ ଆମ୍ଭମାନଙ୍କର ପାପର ଭାର ଆମ୍ଭମାନଙ୍କ ଉପରେ ଅଛି ଓ ଆମ୍ଭେମାନେ ତହିଁରେ ହିଁ କ୍ଷୟ ପାଉଅଛୁ; ତେବେ ଆମ୍ଭେମାନେ କିପରି କରି ବଞ୍ଚିବା ?
\v 11 ସେମାନଙ୍କୁ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ଆମ୍ଭେ ଜୀବିତ ଥିବା ପ୍ରମାଣେ ଦୁଷ୍ଟର ମରଣରେ ଆମ୍ଭର ସନ୍ତୋଷ ନାହିଁ, ମାତ୍ର ଦୁଷ୍ଟ ଯେପରି ଫେରି ବଞ୍ଚେ, ଏଥିରେ ହିଁ ଆମ୍ଭର ସନ୍ତୋଷ ଅଛି; ତୁମ୍ଭେମାନେ ଫେର, ଆପଣା ଆପଣା କୁପଥରୁ ଫେର; କାରଣ ହେ ଇସ୍ରାଏଲ ବଂଶ, ତୁମ୍ଭେମାନେ କାହିଁକି ମରିବ ?
\s5
\v 12 ପୁଣି, ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଆପଣା ଲୋକଙ୍କ ସନ୍ତାନଗଣକୁ କୁହ, ଧାର୍ମିକର ଧାର୍ମିକତା ତାହାର ଆଜ୍ଞା ଲଘଂନ କରିବା ଦିନ ତାହାକୁ ରକ୍ଷା କରିବ ନାହିଁ ଓ ଯେଉଁ ଦିନ ଦୁଷ୍ଟ ଲୋକ ଆପଣା ଦୁଷ୍ଟତାରୁ ଫେରେ, ସେହି ଦିନ ସେ ଆପଣା ଦୁଷ୍ଟତା ଦ୍ୱାରା ପତିତ ହେବ ନାହିଁ; କିଅବା ଧାର୍ମିକ ଲୋକ ଯେଉଁ ଦିନ ପାପ କରେ, ସେହି ଦିନ ସେ ଆପଣା ଧାର୍ମିକତା ଦ୍ୱାରା ବଞ୍ଚି ପାରିବ ନାହିଁ।
\v 13 ସେ ଅବଶ୍ୟ ବଞ୍ଚିବ, ଏହି କଥା ଆମ୍ଭେ ଧାର୍ମିକକୁ କହିଲେ, ସେ ଯଦି ଆପଣା ଧର୍ମରେ ନିର୍ଭର ରଖି ଅଧର୍ମ କରେ, ତେବେ ତାହାର କୌଣସି ଧର୍ମକର୍ମ ସ୍ମରଣ କରାଯିବ ନାହିଁ, ମାତ୍ର ସେ ଯେଉଁ ଅଧର୍ମ କରିଅଛି, “ତହିଁରେ ହିଁ ସେ ମରିବ।”
\s5
\v 14 ପୁନଶ୍ଚ “ତୁମ୍ଭେ ଅବଶ୍ୟ ମରିବ,” ଏହି କଥା ଆମ୍ଭେ ଦୁଷ୍ଟ ଲୋକକୁ କହିଲେ, ସେ ଯଦି ଆପଣା ପାପରୁ ଫେରି ନ୍ୟାୟ ଓ ଧର୍ମାଚରଣ କରେ;
\v 15 ସେହି ଦୁଷ୍ଟ ଲୋକ ଯଦି ବନ୍ଧକି ଦ୍ରବ୍ୟ ଫେରାଇ ଦିଏ, ସେ ଯାହା ଅପହରଣ କରିଥିଲା, ତାହା ପରିଶୋଧ କରେ, କୌଣସି ଅଧର୍ମ ନ କରି ଜୀବନଦାୟକ ବିଧିରୂପ ପଥରେ ଚାଲେ; ତେବେ ସେ ଅବଶ୍ୟ ବଞ୍ଚିବ, ସେ ମରିବ ନାହିଁ।
\v 16 ତାହାର କୃତ କୌଣସି ପାପ ତାହା ବିରୁଦ୍ଧରେ ସ୍ମରଣ କରାଯିବ ନାହିଁ; ସେ ନ୍ୟାୟ ଓ ଧର୍ମାଚରଣ କରିଅଛି; ସେ ଅବଶ୍ୟ ବଞ୍ଚିବ।
\s5
\v 17 ତଥାପି ତୁମ୍ଭ ଲୋକଙ୍କର ସନ୍ତାନଗଣ କହୁଅଛନ୍ତି, ପ୍ରଭୁଙ୍କର ପଥ ସରଳ ନୁହେଁ; ମାତ୍ର ପ୍ରକୃତରେ ସେମାନଙ୍କର ପଥ ସରଳ ନୁହେଁ।
\v 18 ଧାର୍ମିକ ଲୋକ ଆପଣା ଧାର୍ମିକତାରୁ ଫେରି ଅଧର୍ମ କଲେ, ସେ ତହିଁରେ ହିଁ ମରିବ।
\v 19 ପୁଣି, ଦୁଷ୍ଟ ଲୋକ ଆପଣା ଦୁଷ୍ଟତାରୁ ଫେରି ନ୍ୟାୟ ଓ ଧର୍ମାଚରଣ କଲେ, ସେ ତହିଁରେ ବଞ୍ଚିବ।
\v 20 ତଥାପି ତୁମ୍ଭେମାନେ କହୁଅଛ, “ପ୍ରଭୁଙ୍କର ପଥ ସରଳ ନୁହେଁ। ହେ ଇସ୍ରାଏଲ ବଂଶ, ଆମ୍ଭେ ତୁମ୍ଭମାନଙ୍କର ପ୍ରତ୍ୟେକ ଲୋକକୁ ତାହାର ଆଚାର ବ୍ୟବହାର ଅନୁସାରେ ବିଚାର କରିବା।”
\s ଯିରୂଶାଲମ ପତନର ସମ୍ବାଦ
\p
\s5
\v 21 ଏଥିଉତ୍ତାରେ ଆମ୍ଭମାନଙ୍କ ନିର୍ବାସନର ଦ୍ୱାଦଶ ବର୍ଷର ଦଶମ ମାସର ପଞ୍ଚମ ଦିନରେ ଯିରୂଶାଲମରୁ ପଳାତକ ଏକଜଣ ମୋ’ ନିକଟକୁ ଆସି କହିଲା, “ନଗର ପରାଜିତ ହୋଇଅଛି।”
\v 22 ସେହି ପଳାତକ ଆସିବାର ପୂର୍ବେ ସନ୍ଧ୍ୟା ସମୟରେ ସଦାପ୍ରଭୁଙ୍କର ହସ୍ତ ମୋ’ ଉପରେ ଥିଲା; ଆଉ, ପ୍ରାତଃକାଳରେ ସେ ପଳାତକ ଆସିବା ପର୍ଯ୍ୟନ୍ତ ସେ ମୋର ମୁଖ ଫିଟାଇଥିଲେ; ତେବେଠାରୁ ମୋର ମୁଖ ଫିଟା ରହିଲା ଓ ଆଉ ମୁଁ ଘୁଙ୍ଗା ହୋଇ ରହିଲି ନାହିଁ।
\s5
\v 23 ଏଉତ୍ତାରେ ସଦାପ୍ରଭୁଙ୍କର ବାକ୍ୟ ମୋ’ ନିକଟରେ ଉପସ୍ଥିତ ହେଲା, ଯଥା;
\v 24 “ହେ ମନୁଷ୍ୟ-ସନ୍ତାନ, ଯେଉଁମାନେ ଇସ୍ରାଏଲ ଦେଶର, ସେହି ସକଳ ଉତ୍ସନ୍ନ ସ୍ଥାନରେ ବାସ କରନ୍ତି, ସେମାନେ କହୁଅଛନ୍ତି, ଅବ୍ରହାମ ଏକମାତ୍ର ଥିଲେ, ଆଉ ସେ ଦେଶ ଅଧିକାର କଲେ; ମାତ୍ର ଆମ୍ଭେମାନେ ଅନେକ ଲୋକ; ଆମ୍ଭମାନଙ୍କୁ ଏହି ଦେଶ ଅଧିକାରାର୍ଥେ ଦତ୍ତ ହୋଇଅଛି।
\s5
\v 25 ଏଥିପାଇଁ ସେମାନଙ୍କୁ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭେମାନେ ରକ୍ତ ସହିତ ମାଂସ ଖାଉଅଛ ଓ ଆପଣା ଆପଣା ପ୍ରତିମାଗଣ ପ୍ରତି ଦୃଷ୍ଟି ଟେକୁଅଛ ଓ ରକ୍ତପାତ କରୁଅଛ; ଆଉ, ତୁମ୍ଭେମାନେ କି ଦେଶ ଅଧିକାର କରିବ ?
\v 26 ତୁମ୍ଭେମାନେ ଆପଣା ଆପଣା ଖଡ୍ଗରେ ନିର୍ଭର କରୁଅଛ ଓ ଘୃଣାଯୋଗ୍ୟ କର୍ମ କରୁଅଛ ଓ ପ୍ରତ୍ୟେକେ ଆପଣା ଆପଣା ପ୍ରତିବାସୀର ଭାର୍ଯ୍ୟାକୁ ଅଶୁଚି କରୁଅଛ, ଆଉ ତୁମ୍ଭେମାନେ କି ଦେଶ ଅଧିକାର କରିବ ?”
\s5
\v 27 ଏହି ପ୍ରକାରେ ତୁମ୍ଭେ ସେମାନଙ୍କୁ କହିବ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; “ଆମ୍ଭେ ଜୀବିତ ଥିବା ପ୍ରମାଣେ ଉତ୍ସନ୍ନ ସ୍ଥାନ ସକଳରେ ଥିବା ଲୋକମାନେ ନିଶ୍ଚୟ ଖଡ୍ଗ ଦ୍ୱାରା ପତିତ ହେବେ ଓ ଯେଉଁ ଜନ ପଡ଼ିଆରେ ଅଛି, ଆମ୍ଭେ ତାହାକୁ ଭକ୍ଷ୍ୟ ରୂପେ ପଶୁମାନଙ୍କୁ ଦେବା, ଆଉ ଯେଉଁମାନେ ଦୃଢ଼ ଦୁର୍ଗରେ ଓ ଗୁହାରେ ଥା’ନ୍ତି, ସେମାନେ ମହାମାରୀରେ ମରିବେ।
\v 28 ପୁଣି, ଆମ୍ଭେ ଦେଶକୁ ଧ୍ୱଂସିତ ଓ ବିସ୍ମୟର ସ୍ଥାନ କରିବା, ତହିଁରେ ତାହାର ପରାକ୍ରମର ଗର୍ବ ଲୁପ୍ତ ହେବ; ପୁଣି, ଇସ୍ରାଏଲର ପର୍ବତଗଣ ଧ୍ୱଂସିତ ହେବ, ତହିଁରେ କେହି ତହିଁ ମଧ୍ୟ ଦେଇ ଗମନ କରିବେ ନାହିଁ।”
\v 29 ଆମ୍ଭେ ସେମାନଙ୍କର କୃତ ସକଳ ଘୃଣାଯୋଗ୍ୟ କ୍ରିୟା ସକାଶୁ ଯେତେବେଳେ ଦେଶକୁ ଧ୍ୱଂସିତ ଓ ନିର୍ଜ୍ଜନ ସ୍ଥାନ କରିବା, ସେତେବେଳେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ।
\s ଭାବବାଦୀଙ୍କ ବାର୍ତ୍ତାର ପରିଣାମ
\p
\s5
\v 30 ପୁଣି, ହେ ମନୁଷ୍ୟ-ସନ୍ତାନ, ତୁମ୍ଭ ଲୋକଙ୍କର ସନ୍ତାନମାନେ କାନ୍ଥ ନିକଟରେ ଓ ଗୃହମାନଙ୍କର ସକଳ ଦ୍ୱାରଦେଶରେ ତୁମ୍ଭ ବିଷୟରେ କଥାବାର୍ତ୍ତା କରନ୍ତି, ଆଉ ପରସ୍ପର, ପ୍ରତ୍ୟେକେ ଆପଣା ଭ୍ରାତାକୁ କହନ୍ତି, “ଆସ, ଆମ୍ଭେମାନେ ସଦାପ୍ରଭୁଙ୍କଠାରୁ ଆଗତ କଥା ଶୁଣୁ।”
\v 31 ପୁଣି, ସେମାନେ ଲୋକମାନଙ୍କ ପରି ତୁମ୍ଭ ନିକଟକୁ ଆସନ୍ତି ଓ ଆମ୍ଭ ଲୋକଙ୍କ ପରି ତୁମ୍ଭ ସମ୍ମୁଖରେ ବସନ୍ତି ଓ ତୁମ୍ଭ କଥା ଶୁଣନ୍ତି, ମାତ୍ର ତାହା ପାଳନ କରନ୍ତି ନାହିଁ; କାରଣ ସେମାନେ ମୁଖରେ ବହୁତ ପ୍ରେମ ଦେଖାନ୍ତି, ମାତ୍ର ସେମାନଙ୍କର ଅନ୍ତଃକରଣ ସେମାନଙ୍କର ଲାଭର ଅନୁଗାମୀ ହୁଏ।
\s5
\v 32 ଆଉ ଦେଖ, ଯାହାର ମଧୁର ସ୍ୱର ଅଛି ଓ ଯେ ଉତ୍ତମ ରୂପେ ବାଦ୍ୟଯନ୍ତ୍ର ବଜାଇ ପାରେ, ଏପରି ଲୋକର ଅତି ମନୋହର ଗୀତ ସ୍ୱରୂପ ତୁମ୍ଭେ ସେମାନଙ୍କ ନିକଟରେ ଅଟ; କାରଣ ସେମାନେ ତୁମ୍ଭର କଥା ଶୁଣନ୍ତି, ମାତ୍ର ତାହା ପାଳନ କରନ୍ତି ନାହିଁ।
\v 33 ପୁଣି, ଏହା ଯେତେବେଳେ ଘଟିବ, ଦେଖ, ଘଟିବାର ନିକଟ ହେଲାଣି, ସେତେବେଳେ ସେମାନଙ୍କ ମଧ୍ୟରେ ଯେ ଜଣେ ଭବିଷ୍ୟଦ୍‍ବକ୍ତା ଥିଲେ, ଏହା ସେମାନେ ଜାଣିବେ।
\s5
\c 34
\s ଇସ୍ରାଏଲର ପାଳକଗଣ ବିରୁଦ୍ଧରେ ଭବିଷ୍ୟଦ୍‍ବାଣୀ
\p
\v 1 ଏଥିଉତ୍ତାରେ ସଦାପ୍ରଭୁଙ୍କର ବାକ୍ୟ ମୋ’ ନିକଟରେ ଉପସ୍ଥିତ ହେଲା, ଯଥା;
\v 2 “ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଇସ୍ରାଏଲର ପାଳକମାନଙ୍କ ବିରୁଦ୍ଧରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କର, ଭବିଷ୍ୟଦ୍‍ବାକ୍ୟ ପ୍ରଚାର କର ଓ ସେହି ପାଳକମାନଙ୍କୁ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; “ଇସ୍ରାଏଲର ଯେଉଁ ପାଳକମାନେ ଆପଣାମାନଙ୍କୁ ପାଳନ କରୁଅଛନ୍ତି, ସେମାନେ ସନ୍ତାପର ପାତ୍ର ! ମେଷଗଣକୁ ପାଳନ କରିବାର କି ପାଳକମାନଙ୍କର କର୍ତ୍ତବ୍ୟ ନୁହେଁ ?
\v 3 ତୁମ୍ଭେମାନେ ମେଦ ଖାଉଅଛ ଓ ତୁମ୍ଭେମାନେ ମେଷର ଲୋମ ପରିଧାନ କରୁଅଛ, ତୁମ୍ଭେମାନେ ହୃଷ୍ଟପୁଷ୍ଟ ଜନ୍ତୁ ମାରୁଅଛ, ମାତ୍ର ତୁମ୍ଭେମାନେ ମେଷଗଣକୁ ପାଳନ କରୁ ନାହଁ।
\s5
\v 4 ତୁମ୍ଭେମାନେ ଅସୁସ୍ଥମାନଙ୍କୁ ସବଳ କରି ନାହଁ ଓ ପୀଡ଼ିତମାନଙ୍କର ଚିକିତ୍ସା କରି ନାହଁ ଓ ଭଗ୍ନାଙ୍ଗର କ୍ଷତ ବାନ୍ଧି ନାହଁ ଓ ଯେ ତାଡ଼ିତ ହେଲା, ତାହାକୁ ଫେରାଇ ଆଣି ନାହଁ, କିଅବା ଯେ ହଜିଗଲା, ତୁମ୍ଭେମାନେ ତାକୁ ଖୋଜି ନାହଁ; ମାତ୍ର ତୁମ୍ଭେମାନେ ବଳରେ ଓ କଠୋରତାରେ ସେମାନଙ୍କ ଉପରେ ଶାସନ କରିଅଛ।
\v 5 ପୁଣି, କେହି ପାଳକ ନ ଥିବାରୁ ସେମାନେ ଛିନ୍ନଭିନ୍ନ ହୋଇଗଲେ ଓ କ୍ଷେତ୍ରସ୍ଥ ପଶୁଗଣର ଖାଦ୍ୟ ହୋଇ ଛିନ୍ନଭିନ୍ନ ହେଲେ।
\v 6 ଆମ୍ଭର ମେଷଗଣ ପର୍ବତ ସକଳରେ ଓ ପ୍ରତ୍ୟେକ ଉଚ୍ଚ ଗିରିରେ ଭ୍ରମଣ କଲେ; ହଁ, ଆମ୍ଭର ମେଷମାନେ ପୃଥିବୀର ସବୁଆଡ଼େ ଛିନ୍ନଭିନ୍ନ ହୋଇଗଲେ; ପୁଣି, ସେମାନଙ୍କୁ ଖୋଜିବାକୁ ଓ ସେମାନଙ୍କର ପଛେ ପଛେ ଅନୁସନ୍ଧାନ କରିବାକୁ କେହି ନ ଥିଲା।”
\s5
\v 7 ଏହେତୁ ହେ ପାଳକଗଣ, ତୁମ୍ଭେମାନେ ସଦାପ୍ରଭୁଙ୍କର ବାକ୍ୟ ଶୁଣ;
\v 8 ପ୍ରଭୁ, ସଦାପ୍ରଭୁ କହନ୍ତି, “ଆମ୍ଭେ ଜୀବିତ ଥିବା ପ୍ରମାଣେ,” ନିଶ୍ଚୟ କେହି ପାଳକ ନ ଥିବାରୁ ଆମ୍ଭର ମେଷମାନେ ଲୁଟିତ ହେଲେ ଓ ଆମ୍ଭର ମେଷମାନେ କ୍ଷେତ୍ରସ୍ଥ ପଶୁସକଳର ଖାଦ୍ୟ ହେଲେ, ପୁଣି, ଆମ୍ଭର ପାଳକଗଣ ଆମ୍ଭର ମେଷମାନଙ୍କୁ ଖୋଜିଲେ ନାହିଁ, ମାତ୍ର ପାଳକଗଣ ଆପଣାମାନଙ୍କୁ ପାଳନ କରି ଆମ୍ଭ ମେଷମାନଙ୍କୁ ପାଳନ କଲେ ନାହିଁ;
\s5
\v 9 ଏଥିପାଇଁ ହେ ପାଳକଗଣ, ତୁମ୍ଭେମାନେ ସଦାପ୍ରଭୁଙ୍କର ବାକ୍ୟ ଶୁଣ;
\v 10 ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; “ଦେଖ, ଆମ୍ଭେ ପାଳକମାନଙ୍କର ପ୍ରତିକୂଳ ଅଟୁ; ଆମ୍ଭେ ସେମାନଙ୍କ ହସ୍ତରୁ ଆମ୍ଭ ମେଷଗଣକୁ ଆଦାୟ କରିବା, ଆଉ ସେମାନଙ୍କୁ ମେଷପାଳନ କର୍ମରୁ ଚ୍ୟୁତ କରିବା ଓ ସେହି ପାଳକମାନେ ଆଉ ଆପଣାମାନଙ୍କୁ ପାଳନ କରିବେ ନାହିଁ; ପୁଣି, ସେମାନଙ୍କ ମୁଖରୁ ଆମ୍ଭେ ଆମ୍ଭର ମେଷଗଣକୁ ଉଦ୍ଧାର କରିବା, ତହିଁରେ ସେମାନେ ସେମାନଙ୍କ ପାଇଁ ଭକ୍ଷ୍ୟ ହେବେ ନାହିଁ।”
\s ଉତ୍ତମ ମେଷପାଳକ
\p
\s5
\v 11 କାରଣ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, “ଦେଖ, ଆମ୍ଭେ ନିଜେ, ଆମ୍ଭେ ହିଁ ନିଜ ମେଷଗଣର ଅନ୍ୱେଷଣ କରି ସେମାନଙ୍କର ତତ୍ତ୍ୱାନୁସନ୍ଧାନ କରିବା।
\v 12 କୌଣସି ପାଳକ ଆପଣା ଛିନ୍ନଭିନ୍ନ ମେଷଗଣର ମଧ୍ୟରେ ଥିବା ଦିନ ଯେପରି ଆପଣା ପଲର ତତ୍ତ୍ୱାନୁସନ୍ଧାନ କରେ, ସେହିପରି ଆମ୍ଭେ ଆପଣା ମେଷଗଣର ତତ୍ତ୍ୱାନୁସନ୍ଧାନ କରିବା; ଆଉ, ମେଘାଚ୍ଛନ୍ନ ଓ ଅନ୍ଧକାର ଦିନରେ ସେମାନେ ଯେଉଁ ଯେଉଁ ସ୍ଥାନରେ ଛିନ୍ନଭିନ୍ନ ହୋଇଅଛନ୍ତି, ସେହି ସକଳ ସ୍ଥାନରୁ ସେମାନଙ୍କୁ ଉଦ୍ଧାର କରିବା।
\v 13 ଆଉ, ଆମ୍ଭେ ନାନା ଗୋଷ୍ଠୀୟମାନଙ୍କ ମଧ୍ୟରୁ ସେମାନଙ୍କୁ ବାହାର କରି ଆଣିବା ଓ ନାନା ଦେଶରୁ ସେମାନଙ୍କୁ ସଂଗ୍ରହ କରି ସେମାନଙ୍କୁ ନିଜ ଦେଶକୁ ଆଣିବା, ପୁଣି ଆମ୍ଭେ ସେମାନଙ୍କୁ ଇସ୍ରାଏଲର ପର୍ବତ ସକଳରେ, ଜଳପ୍ରବାହର ନିକଟରେ ଓ ଦେଶର ସକଳ ବସତି-ସ୍ଥାନରେ ଚରାଇବା।
\s5
\v 14 ଆମ୍ଭେ ଉତ୍ତମ ଚରାଣୀ ସ୍ଥାନରେ ସେମାନଙ୍କୁ ଚରାଇବା, ପୁଣି ଇସ୍ରାଏଲର ଉଚ୍ଚସ୍ଥଳୀର ପର୍ବତଗଣର ଉପରେ ସେମାନଙ୍କର ଖୁଆଡ଼ ହେବ; ସେହି ସ୍ଥାନରେ ସେମାନେ ଉତ୍ତମ ଖୁଆଡ଼ ମଧ୍ୟରେ ଶୟନ କରିବେ ଓ ଇସ୍ରାଏଲର ପର୍ବତମାନର ଉପରେ ପୁଷ୍ଟିକର ଚରାଣୀ ସ୍ଥାନରେ ସେମାନେ ଚରିବେ।
\v 15 ପ୍ରଭୁ, ସଦାପ୍ରଭୁ କହନ୍ତି, ଆମ୍ଭେ ନିଜେ ଆପଣା ମେଷଗଣକୁ ଚରାଇବା ଓ ଆମ୍ଭେ ସେମାନଙ୍କୁ ଶୟନ କରାଇବା।”
\v 16 “ଯେ ହଜିଥିଲା, ଆମ୍ଭେ ତାହାର ଅନ୍ଵେଷଣ କରିବା ଓ ଯେ ତାଡ଼ିତ ହୋଇଥିଲା, ତାହାକୁ ପୁନର୍ବାର ଆଣିବା, ପୁଣି, ଭଗ୍ନାଙ୍ଗର କ୍ଷତ ବାନ୍ଧିବା ଓ ପୀଡ଼ିତକୁ ସବଳ କରିବା, ଆଉ ହୃଷ୍ଟପୁଷ୍ଟ ଓ ବଳବାନକୁ ସଂହାର କରିବା; ଆମ୍ଭେ ନ୍ୟାୟମତେ ସେମାନଙ୍କୁ ପାଳନ କରିବା।
\s5
\v 17 ପୁଣି, ହେ ଆମ୍ଭର ପଲ,” ତୁମ୍ଭମାନଙ୍କ ବିଷୟରେ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ଦେଖ, ଆମ୍ଭେ ପଶୁ ଓ ପଶୁର ମଧ୍ୟରେ, ମେଷ ଓ ଛାଗଗଣର ମଧ୍ୟରେ ବିଚାର କରୁ।
\v 18 ଉତ୍ତମ ଚରାଣୀ ସ୍ଥାନରେ ଚରିବାର, ମାତ୍ର ଚରାଣୀର ଅବଶିଷ୍ଟାଂଶ ପାଦତଳେ ଦଳିବାର ଓ ନିର୍ମଳ ଜଳ ପାନ କରିବାର, ମାତ୍ର ତହିଁର ଅବଶିଷ୍ଟାଂଶ ଆପଣା ପାଦରେ ଗୋଳିଆ କରିବାର, ଏହା କି ତୁମ୍ଭମାନଙ୍କୁ କ୍ଷୁଦ୍ର ବିଷୟ ଦିଶୁଅଛି ?
\v 19 ମାତ୍ର ତୁମ୍ଭେମାନେ ଯାହା ପାଦରେ ଦଳିଅଛ, ଆମ୍ଭର ମେଷଗଣ ତାହା ଭୋଜନ କରନ୍ତି ଓ ଯାହା ତୁମ୍ଭେମାନେ ପାଦରେ ଗୋଳିଆ କରିଅଛ, ତାହା ସେମାନେ ପାନ କରନ୍ତି।
\s5
\v 20 ଏହେତୁ ସେମାନଙ୍କୁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, “ଦେଖ ଆମ୍ଭେ, ଆମ୍ଭେ ହିଁ ହୃଷ୍ଟପୁଷ୍ଟ ମେଣ୍ଢା ଓ କ୍ଷୀଣ ମେଣ୍ଢା ମଧ୍ୟରେ ବିଚାର କରିବା।
\v 21 ତୁମ୍ଭେମାନେ ପାର୍ଶ୍ୱରେ ଓ ସ୍କନ୍ଧରେ ପୀଡ଼ିତମାନଙ୍କୁ ଠେଲି ଦେଉଅଛ ଓ ବାହାରେ ସେମାନଙ୍କୁ ଛିନ୍ନଭିନ୍ନ ନ କରିବା ପର୍ଯ୍ୟନ୍ତ ସେସମସ୍ତଙ୍କୁ ଆପଣା ଶୃଙ୍ଗରେ ପେଲି ଦେଉଅଛ;
\s5
\v 22 ଏଥିପାଇଁ ଆମ୍ଭେ ଆପଣା ପଲକୁ ରକ୍ଷା କରିବା, ତହିଁରେ ସେମାନେ ଆଉ ଲୁଟିତ ହେବେ ନାହିଁ; ପୁଣି, ଆମ୍ଭେ ମେଷର ଓ ମେଷର ମଧ୍ୟରେ ବିଚାର କରିବା।
\v 23 ଆଉ, ଆମ୍ଭେ ସେମାନଙ୍କ ଉପରେ ଏକ ପାଳକ, ଅର୍ଥାତ୍‍, ଆମ୍ଭର ଦାସ ଦାଉଦକୁ ନିଯୁକ୍ତ କରିବା, ତହିଁରେ ସେ ସେମାନଙ୍କୁ ଚରାଇବ ଓ ସେ ସେମାନଙ୍କର ପାଳକ ହେବ।
\v 24 ପୁଣି, ଆମ୍ଭେ ସଦାପ୍ରଭୁ ସେମାନଙ୍କର ପରମେଶ୍ୱର ହେବା ଓ ଆମ୍ଭର ଦାସ ଦାଉଦ ସେମାନଙ୍କ ମଧ୍ୟରେ ଅଧିପତି ହେବ; ଆମ୍ଭେ ସଦାପ୍ରଭୁ ଏହା କହିଅଛୁ।
\s ପରମେଶ୍ୱରଙ୍କ ଶାନ୍ତିର ନିୟମ
\p
\s5
\v 25 ଆଉ, ଆମ୍ଭେ ସେମାନଙ୍କ ପକ୍ଷରେ ଶାନ୍ତିର ନିୟମ ସ୍ଥିର କରିବା ଓ ହିଂସ୍ରକ ପଶୁଗଣକୁ ଦେଶରୁ ଶେଷ କରିବା; ତହିଁରେ ସେମାନେ ନିରାପଦରେ ପ୍ରାନ୍ତରରେ ବାସ କରିବେ ଓ ବନରେ ଶୟନ କରିବେ।
\v 26 ପୁଣି, ଆମ୍ଭେ ସେମାନଙ୍କୁ ଓ ଆମ୍ଭ ପର୍ବତର ଚତୁର୍ଦ୍ଦିଗସ୍ଥିତ ସ୍ଥାନକୁ ଆଶୀର୍ବାଦ ସ୍ୱରୂପ କରିବା; ଆଉ, ଆମ୍ଭେ ଯଥା ସମୟରେ ଜଳଧାରା ବର୍ଷାଇବା; ତାହା ଆଶୀର୍ବାଦର ଜଳଧାରା ହେବ।
\v 27 ଆଉ, କ୍ଷେତ୍ରସ୍ଥ ବୃକ୍ଷଗୁଡିକ ଫଳ ଉତ୍ପନ୍ନ କରିବେ ଓ ଭୂମି ଶସ୍ୟଗୁଡିକ ଉତ୍ପନ୍ନ କରିବ, ପୁଣି, ସେମାନେ ଆପଣାମାନଙ୍କ ଦେଶରେ ନିରାପଦରେ ରହିବେ; ଆଉ, ଆମ୍ଭେ ସେମାନଙ୍କ ଯୁଆଳିର ଖିଲ ଭାଙ୍ଗିଲେ ଓ ସେମାନଙ୍କୁ ଦାସତ୍ୱ କରାଇବା ଲୋକମାନଙ୍କ ହସ୍ତରୁ ଉଦ୍ଧାର କଲେ, ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ।
\s5
\v 28 ପୁଣି, ସେମାନେ ଆଉ ଅନ୍ୟ ଦେଶୀୟମାନଙ୍କର ଲୁଟ ସ୍ୱରୂପ ହେବେ ନାହିଁ, କିଅବା ପୃଥିବୀସ୍ଥ ପଶୁମାନେ ସେମାନଙ୍କୁ ଗ୍ରାସ କରିବେ ନାହିଁ; ମାତ୍ର ସେମାନେ ନିରାପଦରେ ବାସ କରିବେ ଓ କେହି ସେମାନଙ୍କୁ ଭୟ ଦେଖାଇବେ ନାହିଁ।
\v 29 ପୁଣି, ଆମ୍ଭେ ସେମାନଙ୍କର ସୁଖ୍ୟାତି ନିମନ୍ତେ ଏକ ଉଦ୍ୟାନ ଉତ୍ପନ୍ନ କରିବା, ତହିଁରେ ସେମାନେ ଦେଶରେ ଦୁର୍ଭିକ୍ଷ ସକାଶୁ ଆଉ କ୍ଷୟ ପାଇବେ ନାହିଁ, କିଅବା ଅନ୍ୟ ଦେଶୀୟମାନଙ୍କର ଅପମାନ ଆଉ ଭୋଗ କରିବେ ନାହିଁ।
\s5
\v 30 ତହିଁରେ ଆମ୍ଭେ ସଦାପ୍ରଭୁ ସେମାନଙ୍କର ପରମେଶ୍ୱର ଯେ ସେମାନଙ୍କର ସହବର୍ତ୍ତୀ ଅଟୁ ଓ ସେମାନେ, ଅର୍ଥାତ୍‍, ଇସ୍ରାଏଲ ବଂଶ ଯେ ଆମ୍ଭର ଲୋକ ଅଟନ୍ତି, ଏହା ସେମାନେ ଜାଣିବେ,” ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।
\v 31 “ପୁଣି, ଆମ୍ଭର ମେଷ, ଆମ୍ଭର ଚରାଣୀ ସ୍ଥାନର ମେଷ ଯେ ତୁମ୍ଭେମାନେ, ତୁମ୍ଭେମାନେ ମନୁଷ୍ୟ ଅଟ ଓ ଆମ୍ଭେ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ,” ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।
\s5
\c 35
\s ସେୟୀର ପର୍ବତ ବିରୁଦ୍ଧରେ ଭବିଷ୍ୟଦ୍‍ବାଣୀ
\p
\v 1 ଆହୁରି, ସଦାପ୍ରଭୁଙ୍କର ବାକ୍ୟ ମୋ’ ନିକଟରେ ଉପସ୍ଥିତ ହେଲା, ଯଥା;
\v 2 “ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ସେୟୀର ପର୍ବତ ବିରୁଦ୍ଧରେ ମୁଖ ରଖ ଓ ତାହା ବିରୁଦ୍ଧରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରି ତାହାକୁ କୁହ,
\v 3 ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ହେ ସେୟୀର ପର୍ବତ, ଦେଖ, ଆମ୍ଭେ ତୁମ୍ଭର ପ୍ରତିକୂଳ ଅଟୁ ଓ ଆମ୍ଭେ ତୁମ୍ଭ ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରିବା, ଆଉ ଆମ୍ଭେ ତୁମ୍ଭକୁ ଧ୍ୱଂସ ଓ ଶୂନ୍ୟର ସ୍ଥାନ କରିବା।
\s5
\v 4 ଆମ୍ଭେ ତୁମ୍ଭର ନଗରସବୁ ଶୂନ୍ୟ କରିବା ଓ ତୁମ୍ଭେ ଧ୍ୱଂସସ୍ଥାନ ହେବ, ଆଉ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେ ଜାଣିବ।
\v 5 ତୁମ୍ଭର ଚିରକାଳ ଶତ୍ରୁତାଭାବ ଅଛି ଓ ତୁମ୍ଭେ ଇସ୍ରାଏଲ ସନ୍ତାନଗଣର ବିପଦ ସମୟରେ, ଅର୍ଥାତ୍‍, ସେମାନଙ୍କର ଶେଷ ଅଧର୍ମର ସମୟରେ ଖଡ୍ଗର ପରାକ୍ରମରେ ସେମାନଙ୍କୁ ସମର୍ପଣ କରିଅଛ;
\v 6 ଏହେତୁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ଆମ୍ଭେ ଜୀବିତ ଥିବା ପ୍ରମାଣେ ତୁମ୍ଭକୁ ରକ୍ତପାତ ନିମନ୍ତେ ପ୍ରସ୍ତୁତ କରିବା ଓ ରକ୍ତ ତୁମ୍ଭ ପଛେ ପଛେ ଗୋଡ଼ାଇବ; ତୁମ୍ଭେ ରକ୍ତ ଘୃଣା କରି ନାହଁ, ଏଥିପାଇଁ ରକ୍ତ ତୁମ୍ଭ ପଛେ ପଛେ ଗୋଡ଼ାଇବ।
\s5
\v 7 ଏହି ପ୍ରକାର ଆମ୍ଭେ ସେୟୀର ପର୍ବତକୁ ଶୂନ୍ୟ ଓ ଧ୍ୱଂସର ସ୍ଥାନ କରିବା ଓ ଆମ୍ଭେ ତହିଁ ମଧ୍ୟ ଦେଇ ଗମନକାରୀକୁ ଓ ଫେରିବା ଲୋକକୁ ଉଚ୍ଛିନ୍ନ କରିବା।
\v 8 ପୁଣି, ଆମ୍ଭେ ତାହାର ହତ ଲୋକରେ ତାହାର ପର୍ବତଗଣକୁ ପୂର୍ଣ୍ଣ କରିବା; ତୁମ୍ଭର ଉପପର୍ବତରେ ଓ ଉପତ୍ୟକାରେ ଓ ଜଳପ୍ରବାହ ସ୍ଥାନରେ ଖଡ୍ଗ ଦ୍ୱାରା ହତ ଲୋକମାନେ ପତିତ ହେବେ।
\v 9 ଆମ୍ଭେ ତୁମ୍ଭକୁ ସଦାକାଳ ଧ୍ୱଂସସ୍ଥାନ କରିବା ଓ ତୁମ୍ଭର ନଗରସକଳ ନିବାସୀହୀନ ହେବ; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ।
\s5
\v 10 ସେସ୍ଥାନରେ ସଦାପ୍ରଭୁ ଥିଲେ ହେଁ ତୁମ୍ଭେ କହିଅଛ, “ଏହି ଦୁଇ ଗୋଷ୍ଠୀ ଓ ଏହି ଦୁଇ ଦେଶ ମୋ’ର ହେବ ଓ ଆମ୍ଭେମାନେ ତାହା ଅଧିକାର କରିବା,”
\v 11 ଏହେତୁ ପ୍ରଭୁ, ସଦାପ୍ରଭୁ କହନ୍ତି, ଆମ୍ଭେ ଜୀବିତ ଥିବା ପ୍ରମାଣେ ତୁମ୍ଭେ ଆପଣା ଘୃଣାଭାବ ସକାଶୁ ସେମାନଙ୍କ ପ୍ରତି ଯେପରି କରିଅଛ, ଆମ୍ଭେ ତୁମ୍ଭର ସେହି କ୍ରୋଧ ଓ ସେହି ଈର୍ଷାନୁସାରେ ତୁମ୍ଭ ପ୍ରତି କର୍ମ କରିବା ଓ ଆମ୍ଭେ ଯେତେବେଳେ ତୁମ୍ଭର ବିଚାର କରିବା, ସେତେବେଳେ ସେମାନଙ୍କ ମଧ୍ୟରେ ଆପଣାର ପରିଚୟ ଦେବା।
\s5
\v 12 ଆଉ, ତୁମ୍ଭେ ଇସ୍ରାଏଲର ପର୍ବତଗଣ ବିରୁଦ୍ଧରେ ଯେଉଁ ସକଳ ନିନ୍ଦାର କଥା କହିଅଛ, ଅର୍ଥାତ୍‍, “ସେହି ସବୁ ଧ୍ୱଂସସ୍ଥାନ ଓ ସେହି ସବୁ ଗ୍ରାସାର୍ଥେ ଆମ୍ଭମାନଙ୍କୁ ଦତ୍ତ ହୋଇଅଛି” ବୋଲି କହିଅଛ, ତାହା ଆମ୍ଭେ ସଦାପ୍ରଭୁ ଯେ ଶୁଣିଅଛୁ, ଏହା ତୁମ୍ଭେ ଜାଣିବ।
\v 13 ପୁଣି, ତୁମ୍ଭେମାନେ ଆପଣା ମୁଖରେ ଆମ୍ଭ ବିରୁଦ୍ଧରେ ଆପଣାମାନଙ୍କୁ ବଡ଼ କରିଅଛ ଓ ଆମ୍ଭ ବିରୁଦ୍ଧରେ କଥା ବଢ଼ାଇଅଛ; ଆମ୍ଭେ ତାହା ଶୁଣିଅଛୁ।
\s5
\v 14 ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ସମୁଦାୟ ପୃଥିବୀର ଆନନ୍ଦ କାଳରେ ଆମ୍ଭେ ତୁମ୍ଭକୁ ଧ୍ୱଂସ କରିବା।
\v 15 ଇସ୍ରାଏଲ ବଂଶର ଅଧିକାର ଧ୍ୱଂସ ହେବାରୁ ତୁମ୍ଭେ ଯେପରି ଆନନ୍ଦ କରିଥିଲ, ସେହିପରି ଆମ୍ଭେ ତୁମ୍ଭ ପ୍ରତି କରିବା; ହେ ସେୟୀର ପର୍ବତ, ହେ ସମୁଦାୟ ଇଦୋମ, ତୁମ୍ଭେ ଧ୍ୱଂସ ହେବ, ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ; ଏହା ଲୋକମାନେ ଜାଣିବେ।”
\s5
\c 36
\s ଇସ୍ରାଏଲର ପର୍ବତଗଣ ପ୍ରତି ଭବିଷ୍ୟଦ୍‍ବାଣୀ
\p
\v 1 “ଆଉ ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଇସ୍ରାଏଲର ପର୍ବତଗଣକୁ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରି କୁହ, ହେ ଇସ୍ରାଏଲର ପର୍ବତଗଣ, ତୁମ୍ଭେମାନେ ସଦାପ୍ରଭୁଙ୍କର ବାକ୍ୟ ଶୁଣ।
\v 2 ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ଶତ୍ରୁ ତୁମ୍ଭ ବିରୁଦ୍ଧରେ କହିଅଛି, “ଭଲ ହେଲା, ଭଲ ହେଲା” ! ଓ “ସେହି ପ୍ରାଚୀନ ଉଚ୍ଚସ୍ଥଳୀ ସକଳ ଆମ୍ଭମାନଙ୍କର ଅଧିକୃତ ହେଲା,”
\v 3 ଏଥିପାଇଁ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରି କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି: ତୁମ୍ଭମାନଙ୍କୁ ଗୋଷ୍ଠୀୟମାନଙ୍କ ଅବଶିଷ୍ଟାଂଶ ଅଧିକାର କରିବା ପାଇଁ ଲୋକମାନେ ତୁମ୍ଭମାନଙ୍କୁ ଧ୍ୱଂସ ଓ ଚତୁର୍ଦ୍ଦିଗରେ ଗ୍ରାସ କରିଅଛନ୍ତି, ଆଉ ତୁମ୍ଭେମାନେ ବକୁଆମାନଙ୍କ ଓଷ୍ଠଗତ ଓ ଲୋକମାନଙ୍କ ନିନ୍ଦାର ପାତ୍ର ହୋଇଅଛ;
\s5
\v 4 ଏହେତୁ ହେ ଇସ୍ରାଏଲର ପର୍ବତଗଣ, ପ୍ରଭୁ, ସଦାପ୍ରଭୁଙ୍କର ବାକ୍ୟ ଶୁଣ; ଇସ୍ରାଏଲର ଯେସକଳ ପର୍ବତ ଓ ଉପ-ପର୍ବତଗଣ, ଜଳପ୍ରବାହ ଓ ଉପତ୍ୟକାସକଳ, ଧ୍ୱଂସ ଶୂନ୍ୟସ୍ଥାନସକଳ ଓ ତ୍ୟକ୍ତ ନଗରସମୂହ, ଚତୁର୍ଦ୍ଦିଗସ୍ଥିତ ଗୋଷ୍ଠୀୟମାନଙ୍କର ଅବଶିଷ୍ଟାଂଶର ପ୍ରତି ଲୁଟିତ ଦ୍ରବ୍ୟ ଓ ହାସ୍ୟାସ୍ପଦ ହୋଇଅଛି, ସେହି ସବୁକୁ ସଦାପ୍ରଭୁ ଏହି କଥା କହନ୍ତି;
\v 5 ଏଥିପାଇଁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ଯେଉଁମାନେ ଆପଣାମାନଙ୍କ ସର୍ବାନ୍ତଃକରଣର ଆନନ୍ଦରେ ଓ ପ୍ରାଣର ଈର୍ଷାରେ, ଲୁଟିତ ଦ୍ରବ୍ୟ ରୂପେ ନିକ୍ଷେପ କରିବା ପାଇଁ ଆମ୍ଭ ଦେଶକୁ ଆପଣାମାନଙ୍କର ଅଧିକାର ବୋଲି ନିରୂପଣ କରିଅଛନ୍ତି, ଗୋଷ୍ଠୀୟମାନଙ୍କର ସେହି ଅବଶିଷ୍ଟାଂଶର ବିରୁଦ୍ଧରେ ଓ ସମୁଦାୟ ଇଦୋମର ବିରୁଦ୍ଧରେ ଆମ୍ଭେ ନିତାନ୍ତ ଆପଣା ଅନ୍ତରାଗ୍ନିର ଜ୍ୱାଳାରେ କହିଅଛୁ;
\v 6 ଏଣୁ ଇସ୍ରାଏଲର ଦେଶ ବିଷୟରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କର, ଆଉ ପର୍ବତ ଓ ଉପପର୍ବତଗଣକୁ, ଜଳପ୍ରବାହ ଓ ଉପତ୍ୟକାସକଳକୁ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ଦେଖ, ତୁମ୍ଭେମାନେ ଅନ୍ୟ ଦେଶୀୟମାନଙ୍କଠାରୁ ଅପମାନ ଭୋଗ କରିବାରୁ ଆମ୍ଭେ ଆପଣା ଅନ୍ତର୍ଜ୍ୱାଳାରେ ଓ କୋପରେ କଥା କହିଅଛୁ;
\s5
\v 7 ଏଥିପାଇଁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ଆମ୍ଭେ ଆପଣା ହସ୍ତ ଉଠାଇ କହିଅଛୁ, ତୁମ୍ଭମାନଙ୍କର ଚତୁର୍ଦ୍ଦିଗସ୍ଥିତ ଅନ୍ୟ ଦେଶୀୟମାନେ ନିଶ୍ଚୟ ଆପଣାମାନଙ୍କ ଅପମାନ ଭୋଗ କରିବେ।
\s5
\v 8 ମାତ୍ର ହେ ଇସ୍ରାଏଲର ପର୍ବତଗଣ, ତୁମ୍ଭେମାନେ ଆପଣାମାନଙ୍କର ଶାଖା ବାହାର କରିବ ଓ ଆମ୍ଭର ଇସ୍ରାଏଲର ଲୋକଙ୍କ ନିମନ୍ତେ ଆପଣା ଆପଣାର ଫଳ ଉତ୍ପନ୍ନ କରିବ; କାରଣ ସେମାନଙ୍କର ଆଗମନ ସନ୍ନିକଟ।
\v 9 ଯେହେତୁ ଦେଖ, ଆମ୍ଭେ ତୁମ୍ଭମାନଙ୍କର ସପକ୍ଷ ଅଟୁ ଓ ଆମ୍ଭେ ତୁମ୍ଭମାନଙ୍କ ପ୍ରତି ଫେରିବା, ତହିଁରେ ତୁମ୍ଭେମାନେ ଚାଷ କରାଯାଇ ବୁଣାଯିବ।
\s5
\v 10 ପୁଣି, ଆମ୍ଭେ ତୁମ୍ଭମାନଙ୍କ ଉପରେ ମନୁଷ୍ୟମାନଙ୍କୁ, ସମସ୍ତ ଇସ୍ରାଏଲ ବଂଶକୁ, ତହିଁର ସମଗ୍ରକୁ ବୃଦ୍ଧି କରିବା; ତହିଁରେ ନଗରସମୂହ ବସତିସ୍ଥାନ ହେବ ଓ ଧ୍ୱଂସସ୍ଥାନ ସକଳ ପୁନଃନିର୍ମିତ ହେବ;
\v 11 ପୁଣି, ଆମ୍ଭେ ତୁମ୍ଭମାନଙ୍କ ମଧ୍ୟରେ ମନୁଷ୍ୟ ଓ ପଶୁକୁ ବୃଦ୍ଧି କରିବା, ତହିଁରେ ସେମାନେ ବର୍ଦ୍ଧିଷ୍ଣୁ ହୋଇ ସନ୍ତାନସନ୍ତତି ବିଶିଷ୍ଟ ହେବେ; ଆଉ, ଆମ୍ଭେ ତୁମ୍ଭମାନଙ୍କୁ ପୂର୍ବ କାଳର ନ୍ୟାୟ ବସତି କରାଇବା ଓ ତୁମ୍ଭମାନଙ୍କ ପ୍ରତି ଆଦ୍ୟ କାଳ ଅପେକ୍ଷା ଅଧିକ ମଙ୍ଗଳ କରିବା। ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ।
\v 12 ଆହୁରି, ଆମ୍ଭେ ତୁମ୍ଭମାନଙ୍କ ଉପରେ ମନୁଷ୍ୟମାନଙ୍କୁ, ଅର୍ଥାତ୍‍, ଆମ୍ଭର ଇସ୍ରାଏଲ ଲୋକଙ୍କୁ ଗତାୟାତ କରାଇବା ଓ ସେମାନେ ତୁମ୍ଭମାନଙ୍କୁ ଭୋଗ କରିବେ, ଆଉ ତୁମ୍ଭେ ସେମାନଙ୍କର ଅଧିକାର ସ୍ୱରୂପ ହେବ, ପୁଣି, ତୁମ୍ଭେ ଏହି ସମୟଠାରୁ ଆଉ ସେମାନଙ୍କୁ ସନ୍ତାନବିହୀନ କରିବ ନାହିଁ।
\s5
\v 13 ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ସେମାନେ ତୁମ୍ଭକୁ କହନ୍ତି, “ହେ ଦେଶ, ତୁମ୍ଭେ ମନୁଷ୍ୟଗ୍ରାସକ ଓ ନିଜ ଦେଶୀୟମାନଙ୍କର ନାଶକ ହୋଇଅଛ,”
\v 14 ଏଥିପାଇଁ ପ୍ରଭୁ, ସଦାପ୍ରଭୁ କହନ୍ତି, ତୁମ୍ଭେ ଆଉ ମନୁଷ୍ୟମାନଙ୍କୁ ଗ୍ରାସ କରିବ ନାହିଁ କିଅବା ତୁମ୍ଭ ଦେଶୀୟମାନଙ୍କର ନାଶ ଆଉ କରିବ ନାହିଁ, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି;
\v 15 ଅଥବା ଆମ୍ଭେ ତୁମ୍ଭକୁ ଅନ୍ୟ ଦେଶୀୟମାନଙ୍କର ଅପମାନ ବାକ୍ୟ ଆଉ ଶୁଣାଇବା ନାହିଁ ଓ ତୁମ୍ଭେ ଗୋଷ୍ଠୀୟମାନଙ୍କର ନିନ୍ଦାବାକ୍ୟର ଭାର ଆଉ ବହିବ ନାହିଁ ଓ ନିଜ ଦେଶୀୟମାନଙ୍କର ବିଘ୍ନ ଆଉ ଜନ୍ମାଇବ ନାହିଁ,” ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।
\s ଈଶ୍ୱରଙ୍କ ପବିତ୍ର ନାମର କାର୍ଯ୍ୟ
\p
\s5
\v 16 ଆହୁରି, ସଦାପ୍ରଭୁଙ୍କର ବାକ୍ୟ ମୋ’ ନିକଟରେ ଉପସ୍ଥିତ ହେଲା, ଯଥା;
\v 17 “ହେ ମନୁଷ୍ୟ-ସନ୍ତାନ, ଇସ୍ରାଏଲ ବଂଶ ନିଜ ଦେଶରେ ବାସ କରିବା ବେଳେ ସେମାନେ ଆପଣାମାନଙ୍କର ଆଚରଣ ଓ କ୍ରିୟା ଦ୍ୱାରା ତାହା ଅଶୁଚି କଲେ; ସେମାନଙ୍କର ଆଚରଣ ଆମ୍ଭ ସାକ୍ଷାତରେ ସ୍ତ୍ରୀଲୋକର ପୃଥକ୍ ସ୍ଥିତିକାଳୀନ ଅଶୌଚର ତୁଲ୍ୟ ଥିଲା।
\v 18 ଏନିମନ୍ତେ ସେମାନେ ଦେଶରେ ରକ୍ତ ଢାଳିବା ସକାଶୁ ଓ ଆପଣାମାନଙ୍କର ପ୍ରତିମାଗଣ ଦ୍ୱାରା ତାହା ଅଶୁଚି କରିବା ସକାଶୁ ଆମ୍ଭେ ସେମାନଙ୍କ ଉପରେ ଆପଣା କୋପ ଢାଳିଲୁ,
\s5
\v 19 ଆଉ, ଆମ୍ଭେ ନାନା ଗୋଷ୍ଠୀ ମଧ୍ୟରେ ସେମାନଙ୍କୁ ଛିନ୍ନଭିନ୍ନ କଲୁ ଓ ସେମାନେ ନାନା ଦେଶରେ ବିକ୍ଷିପ୍ତ ହେଲେ; ସେମାନଙ୍କର ଆଚରଣ ଅନୁସାରେ ଓ ସେମାନଙ୍କର କ୍ରିୟାନୁସାରେ ଆମ୍ଭେ ସେମାନଙ୍କର ବିଚାର କଲୁ।
\v 20 ପୁଣି, ଯେଉଁ ସ୍ଥାନକୁ ସେମାନେ ଗଲେ, ସେହି ସ୍ଥାନରେ ଗୋଷ୍ଠୀୟମାନଙ୍କ ମଧ୍ୟକୁ ଯାଇ ସେମାନେ ଆମ୍ଭର ପବିତ୍ର ନାମ ଅପବିତ୍ର କଲେ; ତହିଁରେ ଲୋକମାନେ ସେମାନଙ୍କ ବିଷୟରେ କହିଲେ, ଏମାନେ ସଦାପ୍ରଭୁଙ୍କର ଲୋକ ଓ ତାହାଙ୍କ ଦେଶରୁ ବାହାରି ଯାଇଅଛନ୍ତି।
\v 21 ତଥାପି ଇସ୍ରାଏଲ ବଂଶ ନାନା ଗୋଷ୍ଠୀୟମାନଙ୍କ ମଧ୍ୟକୁ ଯାଇ ଆମ୍ଭର ଯେଉଁ ପବିତ୍ର ନାମ ଅପବିତ୍ର କଲେ, ସେହି ପବିତ୍ର ନାମ ସକାଶୁ ଆମ୍ଭର ଦୟା ଜାତ ହେଲା।
\s5
\v 22 ଏହେତୁ ଇସ୍ରାଏଲ ବଂଶକୁ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ହେ ଇସ୍ରାଏଲ ବଂଶ, ଆମ୍ଭେ ତୁମ୍ଭମାନଙ୍କ ସକାଶୁ ଏପରି କରୁ ନାହୁଁ, ମାତ୍ର ତୁମ୍ଭେମାନେ ନାନା ଗୋଷ୍ଠୀ ମଧ୍ୟକୁ ଯାଇ ଯାହା ଅପବିତ୍ର କରିଅଛ, ଆମ୍ଭ ନିଜର ସେହି ପବିତ୍ର ନାମ ସକାଶୁ କରୁଅଛୁ।
\v 23 ପୁଣି, ଯାହା ନାନା ଗୋଷ୍ଠୀ ମଧ୍ୟରେ ଅପବିତ୍ରୀକୃତ ହୋଇଅଛି, ଯାହା ତୁମ୍ଭେମାନେ ସେମାନଙ୍କ ମଧ୍ୟରେ ଅପବିତ୍ର କରିଅଛ, ଆମ୍ଭେ ଆପଣାର ସେହି ମହାନାମ ପବିତ୍ର କରିବା; ଆଉ, ଯେତେବେଳେ ଗୋଷ୍ଠୀୟମାନଙ୍କ ସାକ୍ଷାତରେ ଆମ୍ଭେ ତୁମ୍ଭମାନଙ୍କ ମଧ୍ୟରେ ପବିତ୍ରୀକୃତ ହେବା, ସେତେବେଳେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ।
\s5
\v 24 କାରଣ ଆମ୍ଭେ ଗୋଷ୍ଠୀୟମାନଙ୍କ ମଧ୍ୟରୁ ତୁମ୍ଭମାନଙ୍କୁ ଗ୍ରହଣ କରିବା ଓ ସବୁ ଦେଶରୁ ତୁମ୍ଭମାନଙ୍କୁ ସଂଗ୍ରହ କରିବା ଓ ତୁମ୍ଭମାନଙ୍କର ନିଜ ଦେଶକୁ ତୁମ୍ଭମାନଙ୍କୁ ଆଣିବା।
\v 25 ପୁଣି, ଆମ୍ଭେ ତୁମ୍ଭମାନଙ୍କ ଉପରେ ଶୁଚି ଜଳ ଝିଞ୍ଚିବା, ତହିଁରେ ତୁମ୍ଭେମାନେ ଶୁଚି ହେବ; ତୁମ୍ଭମାନଙ୍କର ସବୁ ଅଶୌଚରୁ ଓ ତୁମ୍ଭମାନଙ୍କର ସକଳ ପ୍ରତିମାଗଣଠାରୁ ଆମ୍ଭେ ତୁମ୍ଭମାନଙ୍କୁ ଶୁଚି କରିବା।
\s5
\v 26 ଆହୁରି, ଆମ୍ଭେ ତୁମ୍ଭମାନଙ୍କୁ ଏକ ନୂତନ ହୃଦୟ ଦେବା ଓ ଆମ୍ଭେ ତୁମ୍ଭମାନଙ୍କ ଅନ୍ତରରେ ଏକ ନୂତନ ଆତ୍ମା ସ୍ଥାପନ କରିବା; ଆଉ, ଆମ୍ଭେ ତୁମ୍ଭମାନଙ୍କ ମାଂସ ମଧ୍ୟରୁ ପ୍ରସ୍ତରମୟ ହୃଦୟ କାଢ଼ି ନେବା ଓ ଆମ୍ଭେ ତୁମ୍ଭମାନଙ୍କୁ ମାଂସମୟ ହୃଦୟ ଦେବା।
\v 27 ପୁଣି, ଆମ୍ଭେ ତୁମ୍ଭମାନଙ୍କ ଅନ୍ତରରେ ଆମ୍ଭର ପରମେଶ୍ୱରଙ୍କ ଆତ୍ମା ସ୍ଥାପନ କରିବା ଓ ତୁମ୍ଭମାନଙ୍କୁ ଆମ୍ଭର ବିଧିରୂପ ପଥରେ ଚଳାଇବା, ତହିଁରେ ତୁମ୍ଭେମାନେ ଆମ୍ଭର ଶାସନସକଳ ରକ୍ଷା କରି ପାଳନ କରିବ।
\v 28 ପୁଣି, ଆମ୍ଭେ ତୁମ୍ଭମାନଙ୍କର ପୂର୍ବପୁରୁଷଗଣକୁ ଯେଉଁ ଦେଶ ଦେଲୁ, ତହିଁରେ ତୁମ୍ଭେମାନେ ବାସ କରିବ ଓ ତୁମ୍ଭେମାନେ ଆମ୍ଭର ଲୋକ ହେବ ଓ ଆମ୍ଭେ ତୁମ୍ଭମାନଙ୍କର ପରମେଶ୍ୱର ହେବା।
\s5
\v 29 ଆଉ, ଆମ୍ଭେ ତୁମ୍ଭମାନଙ୍କୁ ତୁମ୍ଭମାନଙ୍କର ସକଳ ଅଶୌଚରୁ ପରିତ୍ରାଣ କରିବା ଓ ଆମ୍ଭେ ଶସ୍ୟକୁ ଆହ୍ୱାନ କରି ତାହା ବୃଦ୍ଧି କରିବା ଓ ତୁମ୍ଭମାନଙ୍କ ଉପରେ ଦୁର୍ଭିକ୍ଷ ପକାଇବା ନାହିଁ।
\v 30 ପୁଣି, ଆମ୍ଭେ ବୃକ୍ଷର ଫଳ ଓ କ୍ଷେତ୍ରର ଶସ୍ୟ ବୃଦ୍ଧି କରିବା, ତହିଁରେ ତୁମ୍ଭେମାନେ ଗୋଷ୍ଠୀୟମାନଙ୍କ ମଧ୍ୟରେ ଦୁର୍ଭିକ୍ଷ ସକାଶୁ ଆଉ ନିନ୍ଦା ପାଇବ ନାହିଁ।
\v 31 ସେହି ସମୟରେ ତୁମ୍ଭେମାନେ ଆପଣାମାନଙ୍କର ମନ୍ଦ ଆଚରଣ ଓ ଯାହା ଉତ୍ତମ ନ ଥିଲା, ଏପରି କ୍ରିୟାସକଳ ସ୍ମରଣ କରିବ; ଆଉ, ତୁମ୍ଭେମାନେ ଆପଣାମାନଙ୍କର ଅଧର୍ମ ସକାଶୁ ଓ ଆପଣାମାନଙ୍କର ଘୃଣାଯୋଗ୍ୟ କ୍ରିୟା ସକାଶୁ ଆପଣାମାନଙ୍କର ଦୃଷ୍ଟିରେ ଆପେ ଘୃଣାସ୍ପଦ ହେବ।
\s5
\v 32 ପ୍ରଭୁ, ସଦାପ୍ରଭୁ କହନ୍ତି, ତୁମ୍ଭେମାନେ ଜ୍ଞାତ ହୁଅ ଯେ, ଆମ୍ଭେ ତୁମ୍ଭମାନଙ୍କ ସକାଶୁ ଏହା କରୁ ନାହୁଁ; ହେ ଇସ୍ରାଏଲ ବଂଶ, ତୁମ୍ଭେମାନେ ଆପଣା ଆପଣାର ଆଚରଣ ସକାଶୁ ଲଜ୍ଜିତ ଓ ବିଷର୍ଣ୍ଣ ହୁଅ।
\v 33 ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ଯେଉଁ ଦିନ ଆମ୍ଭେ ତୁମ୍ଭମାନଙ୍କର ସକଳ ଅଧର୍ମରୁ ତୁମ୍ଭମାନଙ୍କୁ ଶୁଚି କରିବା, ସେହି ଦିନ ଆମ୍ଭେ ନଗରସକଳକୁ ବସତିବିଶିଷ୍ଟ କରାଇବା ଓ ଉତ୍ସନ୍ନ ସ୍ଥାନସକଳ ନିର୍ମିତ ହେବ।
\v 34 ପୁଣି, ଯେଉଁ ଦେଶ ପଥିକସକଳର ଦୃଷ୍ଟିରେ ଧ୍ୱଂସସ୍ଥାନ ହୋଇଥିଲା, ତହିଁରେ କୃଷିକାର୍ଯ୍ୟ କରାଯିବ।
\s5
\v 35 ତହିଁରେ ଲୋକମାନେ କହିବେ, “ଏହି ଧ୍ୱଂସିତ ଦେଶ ଏଦନ ଉଦ୍ୟାନ ତୁଲ୍ୟ ହୋଇଅଛି; ଆଉ, ଏହି ଶୂନ୍ୟ, ଧ୍ୱଂସିତ ଓ ଉତ୍ପାଟିତ ନଗରସକଳ ପ୍ରାଚୀରବେଷ୍ଟିତ ଓ ବସତିସ୍ଥାନ ହୋଇଅଛି।
\v 36 ସେତେବେଳେ ଆମ୍ଭେ ସଦାପ୍ରଭୁ ଯେ ଉତ୍ପାଟିତ ସ୍ଥାନସବୁ ନିର୍ମାଣ କରିଅଛୁ ଓ ଧ୍ୱଂସିତ ସ୍ଥାନରେ ରୋପଣ କରିଅଛୁ, ଏହା ତୁମ୍ଭମାନଙ୍କର ଚତୁର୍ଦ୍ଦିଗସ୍ଥିତ ଅବଶିଷ୍ଟ ଗୋଷ୍ଠୀୟମାନେ ଜ୍ଞାତ ହେବେ; ଆମ୍ଭେ ସଦାପ୍ରଭୁ ଏହା କହିଅଛୁ ଓ ଆମ୍ଭେ ଏହା ସଫଳ କରିବା।
\s5
\v 37 ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ତଥାପି ଆମ୍ଭେ ଯେପରି ଇସ୍ରାଏଲ ବଂଶ ପକ୍ଷରେ ଏହା ସଫଳ କରିବା, ଏଥିପାଇଁ ଆମ୍ଭ ନିକଟରେ ସେମାନଙ୍କୁ ପ୍ରାର୍ଥନା କରିବାକୁ ହେବ; ଆମ୍ଭେ ପଲପରି ସେମାନଙ୍କର ପୁରୁଷଗଣଙ୍କୁ ବୃଦ୍ଧି କରିବା।
\v 38 ଯେପରି ବଳିଯୋଗ୍ୟ ମେଷପଲ, ଯେପରି ନିରୂପିତ ପର୍ବମାନର ସମୟରେ ଯିରୂଶାଲମର ପଲ; ସେହିପରି ଶୂନ୍ୟ ନଗରସକଳ ପଲ ପଲ ମନୁଷ୍ୟରେ ପରିପୂର୍ଣ୍ଣ ହେବ; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ।”
\s5
\c 37
\s ଶୁଷ୍କ ଅସ୍ଥିରେ ପରିପୂର୍ଣ୍ଣ ଉପତ୍ୟକା
\p
\v 1 ସଦାପ୍ରଭୁଙ୍କ ହସ୍ତ ମୋ’ ଉପରେ ଅଧିଷ୍ଠିତ ହେଲା ଓ ସେ ତାହାଙ୍କ ଆତ୍ମାରେ ମୋତେ ବାହାରକୁ ନେଇଯାଇ ଉପତ୍ୟକାର ମଧ୍ୟସ୍ଥଳୀରେ ବସାଇଲେ; ଆଉ, ତାହା ଅସ୍ଥିରେ ପରିପୂର୍ଣ୍ଣ ଥିଲା।
\v 2 ତହୁଁ ସେ ସେହି ଅସ୍ଥିସକଳର ନିକଟ ଦେଇ ଚାରିଆଡ଼େ ମୋତେ ଗମନ କରାଇଲେ; ଆଉ ଦେଖ, ସେହି ପ୍ରଶସ୍ତ ଉପତ୍ୟକାରେ ଅନେକ ଅସ୍ଥି ଥିଲା; ପୁଣି, ଦେଖ, ସେହି ସବୁ ଅତିଶୟ ଶୁଷ୍କ ଥିଲା।
\v 3 ତହିଁରେ ସେ ମୋତେ କହିଲେ, “ହେ ମନୁଷ୍ୟ-ସନ୍ତାନ, ଏହି ସକଳ ଅସ୍ଥି କି ସଜୀବ ହୋଇ ପାରେ ?” ଏଥିରେ ମୁଁ ଉତ୍ତର କଲି, “ହେ ପ୍ରଭୁ, ସଦାପ୍ରଭୁ, ଆପଣ ତାହା ଜାଣନ୍ତି।”
\s5
\v 4 ପୁନର୍ବାର ସେ ମୋତେ କହିଲେ, “ତୁମ୍ଭେ ଏହିସକଳ ଅସ୍ଥିର ଉଦ୍ଦେଶ୍ୟରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରି ସେମାନଙ୍କୁ କୁହ, ହେ ଶୁଷ୍କ ଅସ୍ଥିସକଳ, ତୁମ୍ଭେମାନେ ସଦାପ୍ରଭୁଙ୍କର ବାକ୍ୟ ଶୁଣ।
\v 5 ପ୍ରଭୁ, ସଦାପ୍ରଭୁ ଏହିସକଳ ଅସ୍ଥିକୁ ଏହି କଥା କହନ୍ତି; ଦେଖ, ଆମ୍ଭେ ତୁମ୍ଭମାନଙ୍କ ମଧ୍ୟରେ ପ୍ରାଣବାୟୁ ପ୍ରବେଶ କରାଇବା ଓ ତୁମ୍ଭେମାନେ ଜୀବିତ ହେବ।
\v 6 ପୁଣି, ଆମ୍ଭେ ତୁମ୍ଭମାନଙ୍କ ଉପରେ ପେଶୀରଜ୍ଜୁ ଦେବା ଓ ତୁମ୍ଭମାନଙ୍କ ଉପରେ ମାଂସ ଉତ୍ପନ୍ନ କରିବା, ଆଉ ଚର୍ମରେ ତୁମ୍ଭମାନଙ୍କୁ ଆଚ୍ଛାଦନ କରିବା ଓ ତୁମ୍ଭମାନଙ୍କ ମଧ୍ୟରେ ପ୍ରାଣବାୟୁ ଦେବା, ଆଉ ତୁମ୍ଭେମାନେ ଜୀବିତ ହେବ; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ।”
\s5
\v 7 ଏଥିରେ ମୋତେ ଯେପରି ଆଜ୍ଞା ଦିଆଯାଇଥିଲା, ତଦନୁସାରେ ମୁଁ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କଲି; ପୁଣି, ମୁଁ ପ୍ରଚାର କରୁ କରୁ ଏକ ଶବ୍ଦ ହେଲା ଓ ଦେଖ, ଭୂମିକମ୍ପ ହେଲା, ଆଉ ଅସ୍ଥିସକଳ ଏକତ୍ର ହୋଇ ପ୍ରତ୍ୟେକ ଅସ୍ଥି ଆପଣା ଅସ୍ଥିରେ ସଂଯୁକ୍ତ ହେଲା।
\v 8 ତହିଁରେ ମୁଁ ନିରୀକ୍ଷଣ କଲି, ଆଉ ଦେଖ, ସେହିସବୁ ଅସ୍ଥି ଉପରେ ପେଶୀରଜ୍ଜୁ ହେଲା ଓ ମାଂସ ଉତ୍ପନ୍ନ ହେଲା, ପୁଣି, ଚର୍ମ ସେହି ସବୁକୁ ଆଚ୍ଛାଦନ କଲା; ମାତ୍ର ସେହି ସବୁର ମଧ୍ୟରେ ପ୍ରାଣବାୟୁ ନ ଥିଲା।
\s5
\v 9 ତହିଁରେ ସେ ମୋତେ କହିଲେ, “ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ବାୟୁ ଉଦ୍ଦେଶ୍ୟରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କର, ଭବିଷ୍ୟଦ୍‍ବାକ୍ୟ ପ୍ରଚାର କର ଓ ବାୟୁକୁ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ହେ ପ୍ରାଣବାୟୁ, ଚତୁର୍ଦ୍ଦିଗରୁ ଆସ ଓ ଏହି ହତ ଲୋକମାନେ ଯେପରି ଜୀବିତ ହେବେ, ଏଥିପାଇଁ ସେମାନଙ୍କ ଉପରେ ବହ।”
\v 10 ତହୁଁ ସେ ମୋତେ ଯେପରି ଆଜ୍ଞା କଲେ, ତଦନୁସାରେ ମୁଁ ଭବିଷ୍ୟଦ୍‍-ବାକ୍ୟ ପ୍ରଚାର କରନ୍ତେ, ପ୍ରାଣବାୟୁ ସେମାନଙ୍କ ମଧ୍ୟକୁ ଆସିଲା, ଆଉ ସେମାନେ ଜୀବିତ ହେଲେ ଓ ଅତିଶୟ ମହାନ ସୈନ୍ୟବାହିନୀ ହୋଇ ଆପଣା ଆପଣା ଚରଣରେ ଠିଆ ହେଲେ।
\s5
\v 11 ତେବେ ସେ ମୋତେ କହିଲେ, “ହେ ମନୁଷ୍ୟ-ସନ୍ତାନ, ଏହି ଅସ୍ଥିସକଳ ସମୁଦାୟ ଇସ୍ରାଏଲ ବଂଶ ଅଟନ୍ତି; ଦେଖ, ସେମାନେ କହନ୍ତି, ଆମ୍ଭମାନଙ୍କର ଅସ୍ଥିସବୁ ଶୁଷ୍କ ହୋଇଅଛି, ଆମ୍ଭମାନଙ୍କର ଭରସା ନଷ୍ଟ ହୋଇଅଛି; ଆମ୍ଭେମାନେ ସମ୍ପୂର୍ଣ୍ଣ ରୂପେ ଉଚ୍ଛିନ୍ନ ହୋଇଅଛୁ।
\v 12 ଏଥିପାଇଁ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରି ସେମାନଙ୍କୁ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ହେ ଆମ୍ଭର ଲୋକେ, ଦେଖ, ଆମ୍ଭେ ତୁମ୍ଭମାନଙ୍କର କବର ମୁକ୍ତ କରିବା ଓ ତୁମ୍ଭମାନଙ୍କୁ ତୁମ୍ଭମାନଙ୍କ କବରରୁ ବାହାର କରାଇବା, ଆଉ ତୁମ୍ଭମାନଙ୍କୁ ଇସ୍ରାଏଲ ଦେଶକୁ ଆଣିବା।
\s5
\v 13 ପୁଣି, ହେ ଆମ୍ଭର ଲୋକେ, ଆମ୍ଭେ ତୁମ୍ଭମାନଙ୍କର କବର ମୁକ୍ତ କରି ତୁମ୍ଭମାନଙ୍କୁ ତୁମ୍ଭମାନଙ୍କ କବରରୁ ବାହାର କରାଇଲେ, ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ।
\v 14 ଆଉ, ଆମ୍ଭେ ତୁମ୍ଭମାନଙ୍କ ମଧ୍ୟରେ ଆପଣା ଆତ୍ମା
\f +
\fr 37:14
\fq ଆପଣା ଆତ୍ମା
\ft କିମ୍ବା ଶ୍ବାସବାୟୁ
\f* ଦେବା, ତହିଁରେ ତୁମ୍ଭେମାନେ ଜୀବିତ ହେବ, ପୁଣି, ଆମ୍ଭେ ତୁମ୍ଭମାନଙ୍କ ନିଜ ଦେଶରେ ତୁମ୍ଭମାନଙ୍କୁ ବସାଇବା; ତହିଁରେ ଆମ୍ଭେ ସଦାପ୍ରଭୁ ଏହା କହିଅଛୁ ଓ ସଫଳ କରିଅଛୁ ବୋଲି ତୁମ୍ଭେମାନେ ଜାଣିବ,” ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।
\s ଯିହୂଦା ଓ ଇସ୍ରାଏଲ ଏକ ରାଜ୍ୟଭୁକ୍ତ
\p
\s5
\v 15 ସଦାପ୍ରଭୁଙ୍କ ବାକ୍ୟ ପୁନର୍ବାର ମୋ’ ନିକଟରେ ଉପସ୍ଥିତ ହେଲା, ଯଥା;
\v 16 “ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଏକ ଯଷ୍ଟି ନେଇ ତହିଁ ଉପରେ ଏହି କଥା ଲେଖ, ଯିହୁଦା ନିମନ୍ତେ ଓ ତାହାର ସଖା ଇସ୍ରାଏଲ ସନ୍ତାନଗଣ ନିମନ୍ତେ; ତହିଁ ଉତ୍ତାରେ ଆଉ ଏକ ଯଷ୍ଟି ନେଇ ତହିଁ ଉପରେ ଏହି କଥା ଲେଖ, ଯୋଷେଫ ନିମନ୍ତେ, ଇଫ୍ରୟିମର ଓ ତାହାର ସଖା ସମୁଦାୟ ଇସ୍ରାଏଲ ବଂଶର ଯଷ୍ଟି;
\v 17 ଆଉ, ସେହି ଦୁଇ ଯଷ୍ଟି ଯେପରି ତୁମ୍ଭ ହସ୍ତରେ ଏକ ହେବ, ଏଥିପାଇଁ ସେହି ଦୁଇଯଷ୍ଟିକୁ ପରସ୍ପର ସହିତ ଯୋଡ଼।
\s5
\v 18 ପୁଣି, ତୁମ୍ଭ ଲୋକଙ୍କର ସନ୍ତାନଗଣ ଯେତେବେଳେ ତୁମ୍ଭଙ୍କୁ କହିବେ, ଏଥିରେ ତୁମ୍ଭର କି ଅଭିପ୍ରାୟ, ଏହା କି ତୁମ୍ଭେ ଆମ୍ଭମାନଙ୍କୁ ଜଣାଇବ ନାହିଁ ?
\v 19 ସେତେବେଳେ ତୁମ୍ଭେ ସେମାନଙ୍କୁ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଇଫ୍ରୟିମର ହସ୍ତରେ ଥିବା ଯୋଷେଫର ଯଷ୍ଟି, ପୁଣି, ତାହାର ସଖା ଇସ୍ରାଏଲୀୟ ଗୋଷ୍ଠୀସମୂହକୁ ଆମ୍ଭେ ନେବା; ଆଉ, ଆମ୍ଭେ ସେମାନଙ୍କୁ ତାହା ସଙ୍ଗେ, ଅର୍ଥାତ୍‍, ଯିହୁଦାର ଯଷ୍ଟି ସଙ୍ଗେ ଯୋଡ଼ି ସେମାନଙ୍କୁ ଏକ କରିବା, ତହିଁରେ ସେମାନେ ଆମ୍ଭ ହସ୍ତରେ ଏକ ଯଷ୍ଟି ହେବେ।
\v 20 ଆଉ, ତୁମ୍ଭେ ଯେଉଁ ଦୁଇ ଯଷ୍ଟିରେ ଲେଖିବ, ତାହା ସେମାନଙ୍କ ସାକ୍ଷାତରେ ତୁମ୍ଭ ହସ୍ତରେ ରହିବ।
\s5
\v 21 ପୁଣି, ତୁମ୍ଭେ ସେମାନଙ୍କୁ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ଦେଖ, ଇସ୍ରାଏଲର ସନ୍ତାନଗଣ ଯେଉଁ ଯେଉଁ ସ୍ଥାନକୁ ଯାଇଅଛନ୍ତି, ସେହି ସ୍ଥାନସ୍ଥ ଗୋଷ୍ଠୀୟମାନଙ୍କ ମଧ୍ୟରୁ ଆମ୍ଭେ ସେମାନଙ୍କୁ ଗ୍ରହଣ କରିବା ଓ ଚତୁର୍ଦ୍ଦିଗରୁ ସେମାନଙ୍କୁ ସଂଗ୍ରହ କରି ସେମାନଙ୍କର ନିଜ ଦେଶକୁ ଆଣିବା;
\v 22 ଆଉ, ସେହି ଦେଶରେ ଇସ୍ରାଏଲର ସକଳ ପର୍ବତ ଉପରେ ଆମ୍ଭେ ଏମାନଙ୍କୁ ଏକ ଗୋଷ୍ଠୀ କରିବା ଓ ଏକ ରାଜା ଯେ ସମସ୍ତଙ୍କର ରାଜା ହେବେ, ପୁଣି, ସେମାନେ ଆଉ ଦୁଇ ଗୋଷ୍ଠୀ ନୋହିବେ, କିଅବା ଆଉ କେବେ ଦୁଇ ରାଜ୍ୟରେ ବିଭକ୍ତ ହେବେ ନାହିଁ।
\v 23 ପୁଣି, ସେମାନେ ଆପଣାମାନଙ୍କର ପ୍ରତିମାଗଣ ଦ୍ୱାରା କିଅବା ଘୃଣାଯୋଗ୍ୟ ବସ୍ତୁ ଦ୍ୱାରା ଅଥବା ଆପଣାମାନଙ୍କର କୌଣସି ଆଜ୍ଞା-ଲଙ୍ଘନ ଦ୍ୱାରା ଆପଣାମାନଙ୍କୁ ଆଉ ଅଶୁଚି କରିବେ ନାହିଁ; ମାତ୍ର ସେମାନେ ଯେଉଁ ସକଳ ବାସସ୍ଥାନରେ ପାପ କରିଅଛନ୍ତି, ସେମାନଙ୍କର ସେହି ସକଳ ବାସସ୍ଥାନରୁ ଆମ୍ଭେ ସେମାନଙ୍କୁ ଉଦ୍ଧାର କରି ଶୁଚି କରିବା; ତହିଁରେ ସେମାନେ ଆମ୍ଭର ଲୋକ ହେବେ ଓ ଆମ୍ଭେ ସେମାନଙ୍କର ପରମେଶ୍ୱର ହେବା।
\s5
\v 24 ପୁଣି, ଆମ୍ଭର ଦାସ ଦାଉଦ ସେମାନଙ୍କ ଉପରେ ରାଜା ହେବେ ଓ ସେହି ସମସ୍ତଙ୍କର ଏକ ପାଳକ ହେବେ; ସେମାନେ ମଧ୍ୟ ଆମ୍ଭର ଶାସନ ପଥରେ ଚାଲିବେ ଓ ଆମ୍ଭର ବିଧିସକଳ ରକ୍ଷା କରି ପାଳନ କରିବେ।
\v 25 ଆଉ, ଆମ୍ଭେ ଆପଣା ଦାସ ଯାକୁବକୁ ଯେଉଁ ଦେଶ ଦେଇଅଛୁ ଓ ଯହିଁ ମଧ୍ୟରେ ତୁମ୍ଭମାନଙ୍କ ପୂର୍ବପୁରୁଷଗଣ ବାସ କଲେ, ସେହି ଦେଶରେ ସେମାନେ ବାସ କରିବେ; ପୁଣି, ସେମାନେ, ଅର୍ଥାତ୍‍, ସେମାନେ, ସେମାନଙ୍କର ସନ୍ତାନମାନେ ଓ ସେମାନଙ୍କ ସନ୍ତାନଗଣର ସନ୍ତାନମାନେ ସଦା କାଳ ତହିଁ ମଧ୍ୟରେ ବାସ କରିବେ; ଆଉ, ଆମ୍ଭର ଦାସ ଦାଉଦ ସଦା କାଳ ସେମାନଙ୍କର ଅଧିପତି ହେବେ।
\s5
\v 26 ଆହୁରି, ଆମ୍ଭେ ସେମାନଙ୍କ ସହିତ ଶାନ୍ତିର ଏକ ନିୟମ ସ୍ଥିର କରିବା; ତାହା ସେମାନଙ୍କ ସହିତ ଚିରକାଳୀନ ନିୟମ ହେବ; ପୁଣି, ଆମ୍ଭେ ସେମାନଙ୍କୁ ବସାଇବା ଓ ବଢ଼ାଇବା ଓ ସେମାନଙ୍କ ମଧ୍ୟରେ ସଦା କାଳ ଆମ୍ଭେ ଆପଣା ଧର୍ମଧାମ ସ୍ଥାପନ କରିବା।
\v 27 ଆମ୍ଭର ଆବାସ ମଧ୍ୟ ସେମାନଙ୍କ ସଙ୍ଗରେ ରହିବ; ଆଉ, ଆମ୍ଭେ ସେମାନଙ୍କର ପରମେଶ୍ୱର ହେବା ଓ ସେମାନେ ଆମ୍ଭର ଲୋକ ହେବେ।
\v 28 ପୁଣି, ଯେତେବେଳେ ଆମ୍ଭର ପବିତ୍ର ସ୍ଥାନ ସେମାନଙ୍କ ମଧ୍ୟରେ ସଦାକାଳ ରହିବ, ସେତେବେଳେ ଆମ୍ଭେ ଯେ ଇସ୍ରାଏଲର ପବିତ୍ରକାରୀ ସଦାପ୍ରଭୁ ଅଟୁ, ଏହା ଗୋଷ୍ଠୀୟମାନେ ଜାଣିବେ।”
\s5
\c 38
\s ଗୋଗ୍‍ ବିରୁଦ୍ଧରେ ଭବିଷ୍ୟଦ୍‍ବାଣୀ
\p
\v 1 ଏଥିଉତ୍ତାରେ ସଦାପ୍ରଭୁଙ୍କର ଏହି ବାକ୍ୟ ମୋ’ ନିକଟରେ ଉପସ୍ଥିତ ହେଲା, ଯଥା;
\v 2 “ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଗେଶର, ମେଶକ୍‍ର
\f +
\fr 38:2
\fq ମେଶକ୍‍ର
\ft କିମ୍ବା ରୋସ୍
\f* ଓ ତୁବଲ୍‍ର ଅଧିପତି ମାଗୋଗ୍‍ ଦେଶୀୟ ଗୋଗ୍‍ ପ୍ରତି ମୁଖ ରଖି ତାହା ବିରୁଦ୍ଧରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରି କୁହ,
\v 3 ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ହେ ଗେଶର, ମେଶକ୍‍ର ଓ ତୁବଲ୍‍ର ଅଧିପତି ଗୋଗ୍‍, ଦେଖ, ଆମ୍ଭେ ତୁମ୍ଭର ପ୍ରତିକୂଳ ଅଟୁ।
\s5
\v 4 ପୁଣି, ଆମ୍ଭେ ତୁମ୍ଭକୁ ବୁଲାଇବା ଓ ତୁମ୍ଭ କଳପାଟିରେ ଅଙ୍କୁଶ ଦେବା, ଆଉ ଆମ୍ଭେ ତୁମ୍ଭକୁ ଓ ତୁମ୍ଭର ସୈନ୍ୟ ସମସ୍ତକୁ, ଅଶ୍ୱ ଓ ଅଶ୍ୱାରୋହୀଗଣଙ୍କୁ ବାହାର କରି ଆଣିବା, ସେମାନେ ସମସ୍ତେ ସମ୍ପୂର୍ଣ୍ଣ ଯୁଦ୍ଧ ସଜ୍ଜାରେ ସୁସଜ୍ଜିତ, ଫଳକ ଓ ଢାଲଧାରୀ ମହାସମାଜ, ସେମାନଙ୍କର ସମସ୍ତେ ଖଡ୍ଗଧାରୀ ଅଟନ୍ତି;
\v 5 ସେମାନଙ୍କ ସଙ୍ଗେ ପାରସ୍ୟ, କୂଶ ଓ ପୂଟ୍‍; ସେମାନେ ସମସ୍ତେ ଢାଲ ଓ ଟୋପରଧାରୀ;
\v 6 ଗୋମର ଓ ତାହାର ସମସ୍ତ ଲୋକଦଳ; ଉତ୍ତର ଦିଗର ପ୍ରାନ୍ତସୀମାସ୍ଥିତ ତୋଗର୍ମାର ବଂଶ ଓ ତାହାର ସମସ୍ତ ଲୋକଦଳକୁ; ଏହି ପ୍ରକାର ଅନେକ ଗୋଷ୍ଠୀୟମାନଙ୍କୁ ତୁମ୍ଭ ସଙ୍ଗେ ଆଣିବା।
\s5
\v 7 ତୁମ୍ଭେ ପ୍ରସ୍ତୁତ ହୁଅ, ତୁମ୍ଭେ ଆପଣାକୁ ଓ ତୁମ୍ଭ ନିକଟରେ ଏକତ୍ରିତ ତୁମ୍ଭର ସମସ୍ତ ସମାଜକୁ ପ୍ରସ୍ତୁତ କର, ଆଉ ତୁମ୍ଭେ ସେମାନଙ୍କର ରକ୍ଷକ ହୁଅ।
\v 8 ଅନେକ ଦିନ ଉତ୍ତାରେ ତୁମ୍ଭର ତତ୍ତ୍ୱାନୁସନ୍ଧାନ କରାଯିବ; ଶେଷ ବର୍ଷମାନର ମଧ୍ୟରେ ତୁମ୍ଭେ, ଖଡ୍ଗରୁ ପୁନରାନୀତ, ଅନେକ ଗୋଷ୍ଠୀ ମଧ୍ୟରୁ ସଂଗୃହୀତ ଦେଶକୁ, ଇସ୍ରାଏଲର ଚିର ଉତ୍ସନ୍ନ ପର୍ବତ ସକଳକୁ ଆସିବ; ମାତ୍ର ତାହା ନାନା ଗୋଷ୍ଠୀ ମଧ୍ୟରୁ ବାହାରେ ଆନୀତ ହୋଇଅଛି, ଆଉ ସେମାନେ, ସେମାନଙ୍କର ସମସ୍ତେ ନିରାପଦରେ ବାସ କରିବେ।
\v 9 ପୁଣି, ତୁମ୍ଭେ ଉପରକୁ ଉଠି, ବତାସ ପରି ଆସିବ, ଦେଶକୁ ଆଚ୍ଛନ୍ନ କରିବା ପାଇଁ ତୁମ୍ଭେ, ଆଉ ତୁମ୍ଭର ସମସ୍ତ ସୈନ୍ୟଦଳ ଓ ତୁମ୍ଭ ସଙ୍ଗେ ଅନେକ ଗୋଷ୍ଠୀ ମେଘ ତୁଲ୍ୟ ହେବେ।
\s5
\v 10 ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ସେହି ସମୟରେ ନାନା ବିଷୟ ତୁମ୍ଭ ମନରେ ପଡ଼ିବ ଓ ତୁମ୍ଭେ ଗୋଟିଏ ଅନିଷ୍ଟ ସଂକଳ୍ପ କରିବ;
\v 11 ପୁଣି, ତୁମ୍ଭେ କହିବ, ଆମ୍ଭେ ପ୍ରାଚୀରହୀନ ଗ୍ରାମ ବିଶିଷ୍ଟ ଦେଶକୁ ଯିବା; ଯେଉଁମାନେ ଶାନ୍ତିରେ ଅଛନ୍ତି, ନିରାପଦରେ ଓ ପ୍ରାଚୀରହୀନ ସ୍ଥାନରେ ବାସ କରନ୍ତି ଓ ଯେଉଁମାନଙ୍କର ଅର୍ଗଳ କି କବାଟ ନାହିଁ;
\v 12 ଲୁଟିବାକୁ ଓ ଦ୍ରବ୍ୟ ଅପହରଣ କରିବାକୁ ଆମ୍ଭେ ସେମାନଙ୍କ ବିରୁଦ୍ଧରେ ଯାତ୍ରା କରିବା; ଯେଉଁ ସକଳ ଉତ୍ସନ୍ନ ସ୍ଥାନ ଏବେ ବସତିବିଶିଷ୍ଟ ହୋଇଅଛି, ତହିଁର ବିରୁଦ୍ଧରେ ଓ ଯେଉଁ ଗୋଷ୍ଠୀ ନାନା ଦେଶୀୟମାନଙ୍କ ମଧ୍ୟରୁ ସଂଗୃହୀତ ହୋଇଅଛନ୍ତି, ପଶୁ ଓ ଦ୍ରବ୍ୟାଦି ପ୍ରାପ୍ତ ହୋଇ ପୃଥିବୀର ମଧ୍ୟଭାଗରେ ବାସ କରୁଅଛନ୍ତି, ସେମାନଙ୍କ ବିରୁଦ୍ଧରେ ହସ୍ତାର୍ପଣ କରିବା ପାଇଁ (ତୁମ୍ଭେ ଯିବ)।
\s5
\v 13 ଶିବା, ଦଦାନ ଓ ତର୍ଶୀଶର ବଣିକଗଣ, ଆଉ ସେଠାସ୍ଥିତ ସକଳ ଗ୍ରାମ ତୁମ୍ଭକୁ କହିବେ, ତୁମ୍ଭେ କି ଲୁଟିବାକୁ ଆସିଅଛ ? ତୁମ୍ଭେ କି ଦ୍ରବ୍ୟ ଅପହରଣ କରିବା ପାଇଁ ଆପଣାର ଜନସମାଜ ଏକତ୍ର କରିଅଛ ? ରୂପା, ସୁନା ବୋହି ନେବାର, ପଶୁ ଓ ଦ୍ରବ୍ୟାଦି ପ୍ରଚୁର ଲୁଟି ନେଇଯିବାର କି ତୁମ୍ଭର ଅଭିପ୍ରାୟ ?
\s5
\v 14 ଏଥିପାଇଁ ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଭବିଷ୍ୟଦ୍‍-ବାକ୍ୟ ପ୍ରଚାର କରି ଗୋଗ୍‍କୁ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି: ସେହି ଦିନ ଯେତେବେଳେ ଆମ୍ଭ ଇସ୍ରାଏଲର ଲୋକମାନେ ନିରାପଦରେ ବାସ କରିବେ, ସେତେବେଳେ ତୁମ୍ଭେ କି ତାହା ଜାଣିବ ନାହିଁ ?
\v 15 ପୁଣି, ତୁମ୍ଭେ ଆପଣା ସ୍ଥାନ, ଉତ୍ତର ଦିଗସ୍ଥ ପ୍ରାନ୍ତଭାଗରୁ ଆସିବ, ତୁମ୍ଭେ ଓ ତୁମ୍ଭ ସଙ୍ଗେ ଅନେକ ଗୋଷ୍ଠୀ ଆସିବେ, ସେମାନେ ସମସ୍ତେ ଅଶ୍ୱାରୋହୀ ମହାସମାଜ ଓ ବିକ୍ରମୀ ସୈନ୍ୟସାମନ୍ତ;
\v 16 ଆଉ, ତୁମ୍ଭେ ଦେଶକୁ ମେଘ ତୁଲ୍ୟ ଆଚ୍ଛାଦନ କରିବା ପାଇଁ ଆମ୍ଭ ଇସ୍ରାଏଲ ଲୋକଙ୍କ ବିରୁଦ୍ଧରେ ଆସିବ; ହେ ଗୋଗ୍‍, ଶେଷ କାଳରେ ଏହା ଘଟିବ ଯେ, ଗୋଷ୍ଠୀୟମାନେ ଯେପରି ଆମ୍ଭକୁ ଜାଣିବେ, ଏଥିପାଇଁ ଆମ୍ଭେ ତୁମ୍ଭକୁ ଆମ୍ଭ ଦେଶ ବିରୁଦ୍ଧରେ ଆଣିବା, ସେତେବେଳେ ଆମ୍ଭେ ଗୋଷ୍ଠୀୟମାନଙ୍କ ଦୃଷ୍ଟିରେ ତୁମ୍ଭ ମଧ୍ୟରେ ପବିତ୍ରୀକୃତ ହେବା।
\s5
\v 17 ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି : ଆମ୍ଭେ ତୁମ୍ଭକୁ ସେମାନଙ୍କ ବିରୁଦ୍ଧରେ ଆଣିବା ବୋଲି ଯାହାର ବିଷୟରେ ପ୍ରାଚୀନ କାଳରେ ଆପଣା ଦାସଗଣ ଦ୍ୱାରା, ଅର୍ଥାତ୍‍, ଯେଉଁମାନେ ସେହି କାଳରେ ଅନେକ ବର୍ଷଯାଏ ଭବିଷ୍ୟଦ୍‍-ବାକ୍ୟ ପ୍ରଚାର କରିଥିଲେ, ଏପରି ଯେ ଇସ୍ରାଏଲ ଭବିଷ୍ୟଦ୍‍ବକ୍ତାଗଣ, ସେମାନଙ୍କ ଦ୍ୱାରା ଆମ୍ଭେ କହିଥିଲୁ, ତୁମ୍ଭେ କି ସେହି ବ୍ୟକ୍ତି ?
\v 18 ପୁଣି, ପ୍ରଭୁ, ସଦାପ୍ରଭୁ କହନ୍ତି, ଯେଉଁ ଦିନ ଗୋଗ୍‍ ଇସ୍ରାଏଲ ଦେଶ ବିରୁଦ୍ଧରେ ଆସିବ, ସେହି ସମୟରେ ଆମ୍ଭର କୋପ ଆମ୍ଭର ନାସାରନ୍ଧ୍ରକୁ ଉଠିବ।
\s5
\v 19 କାରଣ ଆମ୍ଭେ ଆପଣା ଅନ୍ତର୍ଜ୍ୱାଳା ଓ କୋପାନଳରେ କହିଅଛୁ, ଅବଶ୍ୟ ସେହି ଦିନ ଇସ୍ରାଏଲ ଦେଶରେ ମହାକମ୍ପ ହେବ;
\v 20 ତହିଁରେ ସମୁଦ୍ରର ମତ୍ସ୍ୟଗଣ, ଆକାଶର ପକ୍ଷୀଗଣ ଓ କ୍ଷେତ୍ରର ପଶୁଗଣ ଓ ଭୂଚର ଉରୋଗାମୀ ଜନ୍ତୁସମସ୍ତ, ଆଉ ପୃଥିବୀସ୍ଥ ମନୁଷ୍ୟ ସକଳ ଆମ୍ଭ ସାକ୍ଷାତରେ କମ୍ପମାନ ହେବେ ଓ ପର୍ବତସବୁ ଉତ୍ପାଟିତ ହେବେ, ଆଉ ଗଡ଼ନ୍ତି ସ୍ଥାନସବୁ ପଡ଼ିଯିବ ଓ ପ୍ରତ୍ୟେକ ପ୍ରାଚୀର ଭୂମିସାତ୍‍ ହେବ।
\s5
\v 21 ପୁଣି, ଆମ୍ଭେ ତାହାର ବିରୁଦ୍ଧରେ ଖଡ୍ଗ ପାଇଁ ଆମ୍ଭର ପର୍ବତ ସକଳକୁ ଆହ୍ୱାନ କରିବା; ଏହା ପ୍ରଭୁ, ସଦାପ୍ରଭୁ କହନ୍ତି; ପ୍ରତ୍ୟେକ ଲୋକର ଖଡ୍ଗ ତାହାର ଭ୍ରାତାର ପ୍ରତିକୂଳ ହେବ।
\v 22 ପୁଣି, ଆମ୍ଭେ ମହାମାରୀ ଓ ରକ୍ତ ଦ୍ୱାରା ତାହା ବିରୁଦ୍ଧରେ ପ୍ରତିବାଦ କରିବା; ଆଉ, ଆମ୍ଭେ ତାହା ଉପରେ ଓ ତାହାର ସୈନ୍ୟଦଳର ଉପରେ ଓ ତାହାର ସଙ୍ଗୀ ଅନେକ ଗୋଷ୍ଠୀର ଉପରେ ପ୍ଳାବନକାରୀ ବୃଷ୍ଟି, ବୃହତ୍‍ ବୃହତ୍‍ ଶିଳା, ଅଗ୍ନି ଓ ଗନ୍ଧକ ବର୍ଷାଇବା।
\v 23 ପୁଣି, ଆମ୍ଭେ ଆପଣାକୁ ମହାନ କରିବା ଓ ଆପଣାକୁ ପବିତ୍ରୀକୃତ କରିବା, ଆଉ ଅନେକ ଗୋଷ୍ଠୀର ସାକ୍ଷାତରେ ଆପଣାର ପରିଚୟ ଦେବା; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ।”
\s5
\c 39
\p
\v 1 “ପୁଣି, ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଗୋଗ୍‍ ବିରୁଦ୍ଧରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରି କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ହେ ଗେଶର, ମେଶକ୍‍ର ଓ ତୁବଲ୍‍ର ଅଧିପତି ଗୋଗ୍‍, ଦେଖ, ଆମ୍ଭେ ତୁମ୍ଭର ପ୍ରତିକୂଳ ଅଟୁ;
\v 2 ପୁଣି, ଆମ୍ଭେ ତୁମ୍ଭକୁ ବୁଲାଇବା ଓ ତୁମ୍ଭକୁ କଢ଼ାଇ ନେବା, ଆଉ ଉତ୍ତର ଦିଗର ପ୍ରାନ୍ତ ଭାଗରୁ ତୁମ୍ଭକୁ ଅଣାଇବା; ଆଉ, ଆମ୍ଭେ ଇସ୍ରାଏଲର ପର୍ବତସମୂହର ଉପରକୁ ତୁମ୍ଭକୁ ଆଣିବା;
\v 3 ପୁଣି, ଆମ୍ଭେ ଆଘାତ କରି ତୁମ୍ଭ ବାମ ହସ୍ତରୁ ତୁମ୍ଭ ଧନୁ ଖସାଇବା ଓ ତୁମ୍ଭର ଦକ୍ଷିଣ ହସ୍ତରୁ ତୁମ୍ଭ ତୀରସବୁ କଢ଼ାଇ ପକାଇବା।
\s5
\v 4 ଇସ୍ରାଏଲର ପର୍ବତଗଣ ଉପରେ ତୁମ୍ଭେ ପତିତ ହେବ, ତୁମ୍ଭର ସକଳ ସୈନ୍ୟଦଳ ଓ ତୁମ୍ଭ ସଙ୍ଗୀ ଗୋଷ୍ଠୀଗଣ ପତିତ ହେବେ; ଆମ୍ଭେ ସବୁ ପ୍ରକାର ହିଂସ୍ରକ ପକ୍ଷୀଗୁଡିକୁ ଓ କ୍ଷେତ୍ରସ୍ଥ ପଶୁଗଣର ଗ୍ରାସର ନିମନ୍ତେ ତୁମ୍ଭକୁ ସମର୍ପଣ କରିବା।
\v 5 ତୁମ୍ଭେ ପଡ଼ିଆରେ ପତିତ ହେବ; କାରଣ ଆମ୍ଭେ ଏହା କହିଅଛୁ, ପ୍ରଭୁ, ସଦାପ୍ରଭୁ ଏହା କହନ୍ତି।
\v 6 ପୁଣି, ଆମ୍ଭେ ମାଗୋଗ୍‍ର ଉପରେ ଓ ଦ୍ୱୀପସମୂହରେ ନିରାପଦରେ ବାସକାରୀମାନଙ୍କ ଉପରେ ଅଗ୍ନି ପ୍ରେରଣ କରିବା; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ।
\s5
\v 7 ଆଉ, ଆମ୍ଭେ ଆମ୍ଭର ଇସ୍ରାଏଲ ଲୋକଙ୍କ ମଧ୍ୟରେ ଆପଣା ପବିତ୍ର ନାମ ଜ୍ଞାତ କରାଇବା ଓ ଆମ୍ଭର ପବିତ୍ର ନାମ ଆଉ ଅପବିତ୍ରୀକୃତ ହେବାକୁ ଦେବା ନାହିଁ, ତହିଁରେ ଆମ୍ଭେ ଯେ ଇସ୍ରାଏଲ ମଧ୍ୟରେ ପବିତ୍ର ସଦାପ୍ରଭୁ ଅଟୁ, ଏହା ଗୋଷ୍ଠୀୟମାନେ ଜାଣିବେ।
\v 8 ଦେଖ, ତାହା ଆସୁଅଛି ଓ ତାହା ସିଦ୍ଧ ହେବ, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି; ଯେଉଁ ଦିନର ବିଷୟ ଆମ୍ଭେ କହିଅଛୁ, ଏହା ସେହି ଦିନ।
\s5
\v 9 ପୁଣି, ଇସ୍ରାଏଲର ନଗରସମୂହରେ ବାସକାରୀ ଲୋକମାନେ ବାହାରେ ଯାଇ, ଢାଲ ଓ ଫଳକ, ଧନୁ ଓ ତୀର, ଆଉ ଯଷ୍ଟି ଓ ବର୍ଚ୍ଛା, ଏହି ସକଳ ଅସ୍ତ୍ରଶସ୍ତ୍ର ଅଗ୍ନିରେ ଜଳାଇବେ, ସେମାନେ ସାତ ବର୍ଷ ପର୍ଯ୍ୟନ୍ତ ସେହିସବୁ ନେଇ ଅଗ୍ନିରେ ଜ୍ୱଳାଇବେ;
\v 10 ଏହିରୂପେ ସେମାନେ ପଦାରୁ କାଠ ଆଣିବେ ନାହିଁ; କି ବନରୁ କିଛି କାଟିବେ ନାହିଁ; କାରଣ ସେମାନେ ଅସ୍ତ୍ରଶସ୍ତ୍ର ନେଇ ଅଗ୍ନିରେ ଜ୍ୱଳାଇବେ; ଆଉ, ଆପଣା ଲୁଣ୍ଠନକାରୀମାନଙ୍କର ଧନ ଲୁଣ୍ଠନ କରିବେ ଓ ଯେଉଁମାନେ ସେମାନଙ୍କର ସମ୍ପତ୍ତି ଅପହରଣ କଲେ, ସେମାନଙ୍କର ସମ୍ପତ୍ତି ଅପହରଣ କରିବେ, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।
\s5
\v 11 ପୁଣି, ଆମ୍ଭେ ସେହି ଦିନ ଗୋଗ୍‍କୁ ଇସ୍ରାଏଲ ମଧ୍ୟରେ କବରସ୍ଥାନ ନିମନ୍ତେ, ସମୁଦ୍ରର ପୂର୍ବଦିଗସ୍ଥ ପଥିକମାନଙ୍କ ଉପତ୍ୟକା ଦେବା; ତାହା ପଥିକମାନଙ୍କର ଗମନ ରୋଧ କରିବ ଓ ସେତୁ ସ୍ଥାନରେ ଲୋକମାନେ ଗୋଗ୍‍କୁ ଓ ତାହାର ସମସ୍ତ ଲୋକସମୂହକୁ କବର ଦେବେ; ଆଉ, ସେହି ସ୍ଥାନକୁ ସେମାନେ ହାମୋନ-ଗୋଗ୍‍ର ଉପତ୍ୟକା ବୋଲି ନାମ ଦେବେ।
\s5
\v 12 ପୁଣି, ଦେଶକୁ ଶୁଚି କରିବା ନିମନ୍ତେ ସେମାନଙ୍କୁ କବର ଦେବା ପାଇଁ ଇସ୍ରାଏଲ ବଂଶକୁ ସାତ ମାସ ଲାଗିବ।
\v 13 ହଁ, ଦେଶର ସମସ୍ତ ଲୋକ ସେମାନଙ୍କୁ କବର ଦେବେ; ପୁଣି, ପ୍ରଭୁ, ସଦାପ୍ରଭୁ କହନ୍ତି, ଆମ୍ଭେ ଗୌରବାନ୍ୱିତ ହେବା ଦିନ ସେମାନଙ୍କ ପକ୍ଷରେ ତାହା ଯଶସ୍ୱରୂପ ହେବ।
\s5
\v 14 ପୁଣି, ସେମାନେ ନିତ୍ୟ କାର୍ଯ୍ୟରେ ନିଯୁକ୍ତ ଲୋକମାନଙ୍କୁ ପୃଥକ୍ କରିବେ, ସେହି ଲୋକମାନେ ଦେଶ ଶୁଚି କରିବା ପାଇଁ, ପଥିକମାନଙ୍କ ମଧ୍ୟରୁ ଭୂମିରେ ଅବଶିଷ୍ଟ ଥିବା ଲୋକମାନଙ୍କୁ କବର ଦେବା ନିମନ୍ତେ ଦେଶ ମଧ୍ୟ ଦେଇ ଗମନ କରିବେ; ସାତ ମାସ ଶେଷ ହେଲା ଉତ୍ତାରେ ସେମାନେ ଅନୁସନ୍ଧାନ କରିବେ।
\v 15 ପୁଣି, ସେହି ଗମନକାରୀମାନେ ଦେଶ ମଧ୍ୟ ଦେଇ ଗମନ କରିବେ ଓ କେହି ମନୁଷ୍ୟର ଅସ୍ଥି ଦେଖିଲେ ସେ ତାହା ନିକଟରେ ଗୋଟିଏ ଚିହ୍ନ ରଖିବ, ତହୁଁ କବର ଦେବା ଲୋକମାନେ ହାମୋନ-ଗୋଗ୍‍ ଉପତ୍ୟକାରେ ତାହାର କବର ଦେବେ।
\v 16 ଆହୁରି, ଏକ ନଗରର ନାମ ହାମୋନା (ଲୋକସମୂହ) ହେବ। ଏହିରୂପେ ସେମାନେ ଦେଶ ଶୁଚି କରିବେ।
\s5
\v 17 ପୁଣି, ହେ ମନୁଷ୍ୟ-ସନ୍ତାନ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭେ ସବୁ ପ୍ରକାର ପକ୍ଷୀଗଣକୁ ଓ ପ୍ରତ୍ୟେକ ବନ୍ୟ ପଶୁକୁ କୁହ, “ତୁମ୍ଭେମାନେ ଏକତ୍ର ହୋଇ ଆସ; ତୁମ୍ଭେମାନେ ମାଂସ ଖାଇବା ନିମନ୍ତେ ଓ ରକ୍ତ ପିଇବା ନିମନ୍ତେ ଆମ୍ଭ ଯଜ୍ଞର ଚାରିଆଡ଼େ ଏକତ୍ର ହୁଅ, ଆମ୍ଭେ ଇସ୍ରାଏଲର ପର୍ବତଗଣ ଉପରେ ତୁମ୍ଭମାନଙ୍କ ନିମନ୍ତେ ଯଜ୍ଞ, ଏକ ମହାଯଜ୍ଞ କରୁଅଛୁ।
\v 18 ତୁମ୍ଭେମାନେ ବୀରମାନଙ୍କର ମାଂସ ଖାଇବ ଓ ଭୂପତିମାନଙ୍କର ରକ୍ତ ପିଇବ, ସେମାନେ ସମସ୍ତେ ବାଶନ ଦେଶୀୟ ହୃଷ୍ଟପୁଷ୍ଟ ମେଷ, ମେଷବତ୍ସ, ଛାଗ ଓ ବୃଷ ସ୍ୱରୂପ ଅଟନ୍ତି।
\s5
\v 19 ଆମ୍ଭେ ତୁମ୍ଭମାନଙ୍କ ନିମନ୍ତେ ଯେଉଁ ଯଜ୍ଞ କରୁଅଛୁ, ଆମ୍ଭର ସେହି ଯଜ୍ଞରୁ ତୁମ୍ଭେମାନେ ତୃପ୍ତ ହେବା ପର୍ଯ୍ୟନ୍ତ ମେଦ ଖାଇବ ଓ ମତ୍ତ ହେବା ପର୍ଯ୍ୟନ୍ତ ରକ୍ତ ପିଇବ।
\v 20 ଆଉ, ତୁମ୍ଭେମାନେ ଆମ୍ଭ ମେଜରେ ଅଶ୍ୱ, ରଥ, ବୀର ଓ ସବୁ ଯୋଦ୍ଧାମାନଙ୍କୁ ଖାଇ ତୃପ୍ତ ହେବ,” ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।
\s ଇସ୍ରାଏଲର ପୁନଃ ପ୍ରତିଷ୍ଠା
\p
\s5
\v 21 ପୁଣି, ଆମ୍ଭେ ଗୋଷ୍ଠୀଗଣଙ୍କ ମଧ୍ୟରେ ଆପଣାର ଗୌରବ ସ୍ଥାପନ କରିବା, ତହିଁରେ ଆମ୍ଭେ ଯାହା ସଫଳ କରିଅଛୁ, ଆମ୍ଭର ସେହି ଶାସନ ଓ ଆମ୍ଭେ ସେମାନଙ୍କ ଉପରେ ଆପଣାର ଯେଉଁ ହସ୍ତ ଥୋଇଅଛୁ, ତାହା ସକଳ ଗୋଷ୍ଠୀ ଦେଖିବେ।
\v 22 ଏହିରୂପେ ସେହି ଦିନ ଓ ସେହି ଦିନଠାରୁ ଇସ୍ରାଏଲ ବଂଶ ଜାଣିବେ ଯେ, ଆମ୍ଭେ ସଦାପ୍ରଭୁ, ସେମାନଙ୍କର ପରମେଶ୍ୱର ଅଟୁ।
\s5
\v 23 ପୁଣି, ଗୋଷ୍ଠୀଗଣ ଜାଣିବେ ଯେ, ଇସ୍ରାଏଲ ବଂଶ ନିଜ ଅଧର୍ମ ସକାଶୁ ବନ୍ଦୀ ହୋଇ ଯାଇଥିଲେ, କାରଣ ସେମାନେ ଆମ୍ଭ ବିରୁଦ୍ଧରେ ସତ୍ୟ-ଲଙ୍ଘନ ଅପରାଧ କରିବାରୁ ଆମ୍ଭେ ସେମାନଙ୍କଠାରୁ ଆପଣା ମୁଖ ଲୁଚାଇଲୁ; ତହୁଁ ଆମ୍ଭେ ସେମାନଙ୍କୁ ସେମାନଙ୍କ ବିପକ୍ଷଗଣର ହସ୍ତରେ ସମର୍ପଣ କଲୁ, ତହିଁରେ ସେମାନେ ସମସ୍ତେ ଖଡ୍ଗ ଦ୍ୱାରା ହତ ହେଲେ।
\v 24 ସେମାନଙ୍କର ଅଶୁଚିତା, ଆଉ ସେମାନଙ୍କର ଅପରାଧ ଅନୁସାରେ ଆମ୍ଭେ ସେମାନଙ୍କ ପ୍ରତି ବ୍ୟବହାର କଲୁ ଓ ସେମାନଙ୍କଠାରୁ ଆପଣା ମୁଖ ଲୁଚାଇଲୁ।
\s5
\v 25 ଏହେତୁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ଏବେ ଆମ୍ଭେ ଯାକୁବର ବନ୍ଦୀତ୍ୱାବସ୍ଥା ପରିବର୍ତ୍ତନ କରିବା ଓ ସମୁଦାୟ ଇସ୍ରାଏଲ ବଂଶ ପ୍ରତି ଦୟା କରିବା; ଆଉ, ଆମ୍ଭେ ଆପଣା ପବିତ୍ର ନାମ ପକ୍ଷରେ ଉଦ୍‍ଯୋଗୀ ହେବା।
\v 26 ପୁଣି, ସେମାନେ ଯେତେବେଳେ ଆପଣାମାନଙ୍କ ଦେଶରେ ନିରାପଦରେ ବାସ କରିବେ ଓ କେହି ସେମାନଙ୍କୁ ଭୟ ନ ଦେଖାଇବ, ଯେତେବେଳେ ଆମ୍ଭେ ନାନା ଗୋଷ୍ଠୀ ମଧ୍ୟରୁ ସେମାନଙ୍କୁ ପୁନର୍ବାର ଆଣିବା ଓ ସେମାନଙ୍କ ଶତ୍ରୁଗଣର ଦେଶରୁ ସେମାନଙ୍କୁ ସଂଗ୍ରହ କରିବା, ଆଉ ଅନେକ ଗୋଷ୍ଠୀ ସାକ୍ଷାତରେ ସେମାନଙ୍କ ମଧ୍ୟରେ ପବିତ୍ରୀକୃତ ହେବା;
\v 27 ସେତେବେଳେ ସେମାନେ ଆପଣାମାନଙ୍କର ଅପମାନ ଓ ଆମ୍ଭ ବିରୁଦ୍ଧରେ ଯେଉଁସବୁ ସତ୍ୟ-ଲଙ୍ଘନ କଲେ, ସେହି ସକଳ ସତ୍ୟ-ଲଙ୍ଘନର ଫଳ ଭୋଗ କରିବେ।
\s5
\v 28 ପୁଣି, ଆମ୍ଭେ ଯେ ସଦାପ୍ରଭୁ ସେମାନଙ୍କର ପରମେଶ୍ୱର ଅଟୁ, ଆମ୍ଭେ ନାନା ଗୋଷ୍ଠୀ ମଧ୍ୟରେ ସେମାନଙ୍କୁ ନିର୍ବାସିତ କରାଇଲୁ ଓ ପୁନର୍ବାର ସେମାନଙ୍କ ନିଜ ଦେଶରେ ସେମାନଙ୍କୁ ସଂଗ୍ରହ କରିଅଛୁ, ଏହା ସେମାନେ ଜାଣିବେ; ପୁଣି, ଆମ୍ଭେ ସେମାନଙ୍କର କାହାକୁ ହିଁ ଆଉ ସେଠାରେ ଅବଶିଷ୍ଟ ରଖିବା ନାହିଁ।
\v 29 ଆଉ, ଆମ୍ଭେ ସେମାନଙ୍କଠାରୁ ଆପଣା ମୁଖ ଆଉ ଲୁଚାଇବା ନାହିଁ; କାରଣ ଆମ୍ଭେ ଇସ୍ରାଏଲ ବଂଶ ଉପରେ ନିଜ ଆତ୍ମା ଢାଳିଅଛୁ,” ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।
\s5
\c 40
\s ନୂତନ ମନ୍ଦିରର ଦର୍ଶନ
\p
\v 1 ଆମ୍ଭମାନଙ୍କ ନିର୍ବାସନର ପଚିଶ ବର୍ଷରେ, ବର୍ଷର ଆରମ୍ଭରେ ମାସର ଦଶମ ଦିନରେ, ଅର୍ଥାତ୍‍, ନଗର ନିପାତିତ ହେଲା ଉତ୍ତାରେ ଚତୁର୍ଦ୍ଦଶ ବର୍ଷର ଉକ୍ତ ଦିବସରେ ସଦାପ୍ରଭୁଙ୍କର ହସ୍ତ ମୋ’ ଉପରେ ଅଧିଷ୍ଠିତ ଥିଲା ଓ ସେ ମୋତେ ସେହି ସ୍ଥାନରେ ଉପସ୍ଥିତ କରାଇଲେ।
\v 2 ଈଶ୍ୱରୀୟ ଦର୍ଶନରେ ସେ ମୋତେ ଇସ୍ରାଏଲ ଦେଶକୁ ଆଣି ଅତି ଉଚ୍ଚ ଏକ ପର୍ବତରେ ବସାଇଲେ, ତହିଁ ଉପରେ, ଦକ୍ଷିଣ ଦିଗରେ ଗୋଟିଏ ନଗର ତୁଲ୍ୟ ଆକୃତି ଥିଲା।
\s5
\v 3 ସେ ମୋତେ ସେହି ସ୍ଥାନକୁ ନେଇ ଗଲେ, ଆଉ ଦେଖ, ସେଠାରେ ଏକ ପୁରୁଷ ଥିଲେ, ପିତ୍ତଳର ଆଭା ତୁଲ୍ୟ ତାଙ୍କର ଆଭା, ତାଙ୍କ ହସ୍ତରେ ଛଣପଟର ଏକ ରଜ୍ଜୁ ଓ ପରିମାପକ ଏକ ନଳ ଥିଲା ଓ ସେ ଦ୍ୱାରରେ ଠିଆ ହୋଇଥିଲେ।
\v 4 ଏଥିରେ ସେ ପୁରୁଷ ମୋତେ କହିଲେ, “ହେ ମନୁଷ୍ୟ-ସନ୍ତାନ, ଆମ୍ଭେ ତୁମ୍ଭକୁ ଯାହା ଯାହା ଦେଖାଇବା, ସେହି ସବୁ ତୁମ୍ଭେ ଆପଣା ଚକ୍ଷୁରେ ଦେଖ ଓ ଆପଣା କର୍ଣ୍ଣରେ ଶୁଣ ଓ ତହିଁରେ ମନୋନିବେଶ କର; କାରଣ ଆମ୍ଭେ ଯେପରି ସେହି ସବୁ ତୁମ୍ଭକୁ ଦେଖାଉ, ଏ ଅଭିପ୍ରାୟରେ ତୁମ୍ଭେ ଏଠାକୁ ଆନୀତ ହୋଇଅଛ; ତୁମ୍ଭେ ଯାହା ଯାହା ଦେଖିବ, ତାହାସବୁ ଇସ୍ରାଏଲ ବଂଶକୁ ଜ୍ଞାତ କରାଅ।”
\s ପୂର୍ବ ଦିଗର ଦ୍ୱାର
\p
\s5
\v 5 ଆଉ ଦେଖ, ଗୃହର ବାହାରେ ଚତୁର୍ଦ୍ଦିଗରେ ଏକ ପ୍ରାଚୀର ଥିଲା ଓ ସେହି ପୁରୁଷଙ୍କ ହସ୍ତରେ ଏକ ପରିମାପକ ଦଣ୍ଡ ଥିଲା, ତାହା ଛଅ ହାତ ଦୀର୍ଘ, ପ୍ରତ୍ୟେକ ହାତ ଏକ ହାତ ଚାରି ଅଙ୍ଗୁଳି ପରିମିତ; ତହିଁରେ ସେ ଗୃହର “ସ୍ଥୂଳତା” ଏକ ହାତ ଓ ଉଚ୍ଚତା ଏକ ହାତ ମାପିଲେ।
\v 6 ଏଉତ୍ତାରେ ସେ ପୂର୍ବାଭିମୁଖ ଦ୍ୱାରକୁ ଆସି ତହିଁର ପାବଚ୍ଛ ଦେଇ ଉପରକୁ ଉଠିଲେ; ଆଉ, ଦ୍ୱାରର ସମ୍ମୁଖ ସ୍ଥାନର ପ୍ରସ୍ଥ ଏକ ହାତ ଓ ଅନ୍ୟ ସମ୍ମୁଖ ସ୍ଥାନର ପ୍ରସ୍ଥ ଏକ ହାତ ମାପିଲେ।
\v 7 ପୁଣି, ପ୍ରତ୍ୟେକ କ୍ଷୁଦ୍ର କୋଠରି ଏକ ହାତ ଦୀର୍ଘ ଓ ଏକ ହାତ ପ୍ରସ୍ଥ ଥିଲା; ଆଉ, ପ୍ରତ୍ୟେକ କ୍ଷୁଦ୍ର କୋଠରିର ମଧ୍ୟରେ ପାଞ୍ଚ ପାଞ୍ଚ ହାତ ଛଡ଼ା ଥିଲା ଓ ଗୃହାଭିମୁଖ ଦ୍ୱାରର ବାରଣ୍ଡା ନିକଟସ୍ଥ ଦ୍ୱାରର ସମ୍ମୁଖ ସ୍ଥାନ ଏକ ହାତ ଥିଲା।
\s5
\v 8 ଗୃହାଭିମୁଖ ଦ୍ୱାରର ବାରଣ୍ଡା ମଧ୍ୟ ସେ ଏକ ହାତ ମାପିଲେ।
\v 9 ତହୁଁ ସେ ଦ୍ୱାରର ବାରଣ୍ଡା ଆଠ ହାତ ମାପିଲେ ଓ ତହିଁର ଉପସ୍ତମ୍ଭସକଳ ଦୁଇ ହାତ ଥିଲା; ପୁଣି, ଦ୍ୱାରର ବାରଣ୍ଡା ଗୃହ ପ୍ରତି ଥିଲା।
\v 10 ଆଉ, ପୂର୍ବାଭିମୁଖ ଦ୍ୱାରର କ୍ଷୁଦ୍ର କୋଠରି ଏପାଖରେ ତିନି ଓ ସେପାଖରେ ତିନି ଥିଲା; ସେ ତିନିର ମାପ ଏକ ସମାନ ଥିଲା; ଆଉ, ଏପାଖ ଓ ସେପାଖ ସ୍ତମ୍ଭସବୁର ଏକ ସମାନ ମାପ ଥିଲା।
\s5
\v 11 ପୁଣି, ସେ ଦ୍ୱାରର ପ୍ରବେଶ-ସ୍ଥାନର ପ୍ରସ୍ଥ ଦଶ ହାତ ଓ ଦ୍ୱାରର ଦୀର୍ଘତା ତେର ହାତ ମାପିଲେ,
\v 12 ଆଉ କ୍ଷୁଦ୍ର କୋଠରି ସକଳର ସମ୍ମୁଖରେ, ଏପାଖରେ ଏକ ହାତ, ସେପାଖରେ ଏକ ହାତ ଧାର ଥିଲା ଓ ପ୍ରତ୍ୟେକ କ୍ଷୁଦ୍ର କୋଠରି ଏକ ପାଖରେ ଛଅ ହାତ, ଅନ୍ୟ ପାଖରେ ଛଅ ହାତ ଥିଲା।
\v 13 ପୁଣି, ସେ ଏକ କ୍ଷୁଦ୍ର କୋଠରିର ଛାତଠାରୁ ଅନ୍ୟ କ୍ଷୁଦ୍ର କୋଠରିର ଛାତ ପର୍ଯ୍ୟନ୍ତ ଦ୍ୱାରର ପ୍ରସ୍ଥ ପଚିଶ ହାତ ମାପିଲେ; ଦ୍ୱାର ସମ୍ମୁଖରେ ଦ୍ୱାର ଥିଲା।
\s5
\v 14 ଉପସ୍ତମ୍ଭସକଳ ମଧ୍ୟ ସେ ଷାଠିଏ ହାତ ମାପିଲେ; ପୁଣି, ପ୍ରାଙ୍ଗଣ ଉପସ୍ତମ୍ଭ ପର୍ଯ୍ୟନ୍ତ ଗଲା, ଚାରିଆଡ଼େ ଦ୍ୱାର ଥିଲା।
\v 15 ପୁଣି, ପ୍ରବେଶାର୍ଥକ ଦ୍ୱାରର ଅଗ୍ରଭାଗରୁ ଅନ୍ତରସ୍ଥ ବାରଣ୍ଡାର ଅଗ୍ରଭାଗ ପର୍ଯ୍ୟନ୍ତ ପଚାଶ ହାତ ଥିଲା।
\v 16 ପୁଣି, ଦ୍ୱାର ଭିତରେ ଚାରିଆଡ଼େ କ୍ଷୁଦ୍ର କୋଠରି ଓ ଉପସ୍ତମ୍ଭସକଳର ବନ୍ଦ ଜଳାକବାଟି ଥିଲା ଓ ମଣ୍ଡପସକଳରେ ମଧ୍ୟ ତଦ୍ରୂପ ଥିଲା, ଆଉ ଜଳାକବାଟି ସବୁ ଭିତରେ ଚାରିଆଡ଼େ ଥିଲା ଓ ପ୍ରତ୍ୟେକ ଉପସ୍ତମ୍ଭ ଉପରେ ଖର୍ଜ୍ଜୁର ବୃକ୍ଷର ଆକୃତି ଥିଲା।
\s ବାହାର ପ୍ରାଙ୍ଗଣ
\p
\s5
\v 17 ତହୁଁ ସେ ମୋତେ ବାହାର ପ୍ରାଙ୍ଗଣକୁ ଆଣିଲେ, ଆଉ ଦେଖ, ପ୍ରାଙ୍ଗଣର ଚାରିଆଡ଼େ କେତେକ କୋଠରି ଓ ନିର୍ମିତ ଚଟାଣ ଥିଲା; ସେହି ଚଟାଣ ଉପରେ ତିରିଶ କୋଠରି ଥିଲା।
\v 18 ପୁଣି, ସେହି ଚଟାଣ ଦ୍ୱାରସକଳର ପାର୍ଶ୍ୱରେ, ଦ୍ୱାରର ଦୀର୍ଘତାନୁସାରେ ଥିଲା, ଏହା ନିମ୍ନତର ଚଟାଣ।
\v 19 ତେବେ ସେ ନିମ୍ନତର ଦ୍ୱାରର ଅଗ୍ରଭାଗଠାରୁ ଭିତର ପ୍ରାଙ୍ଗଣର ଅଗ୍ରଭାଗ ପର୍ଯ୍ୟନ୍ତ ବାହାର ପ୍ରସ୍ଥ ମାପିଲେ, ପୂର୍ବ ଓ ଉତ୍ତର ଉଭୟ ଦିଗରେ ଏକଶହ ହାତ।
\s ଉତ୍ତର ଦ୍ୱାର
\p
\s5
\v 20 ପୁଣି, ସେ ବାହାର ପ୍ରାଙ୍ଗଣର ଉତ୍ତରାଭିମୁଖ ଦ୍ୱାରର ଦୀର୍ଘତା ଓ ପ୍ରସ୍ଥ ମାପିଲେ।
\v 21 ଆଉ, ତହିଁର ଏକ ପାର୍ଶ୍ୱରେ ତିନି, ଅନ୍ୟ ପାର୍ଶ୍ୱରେ ତିନି କ୍ଷୁଦ୍ର କୋଠରି ଓ ତହିଁର ଉପସ୍ତମ୍ଭ ଓ ମଣ୍ଡପସକଳର ପରିମାଣ ପ୍ରଥମ ଦ୍ୱାରର ପରିମାଣ ତୁଲ୍ୟ, ଅର୍ଥାତ୍‍, ତହିଁର ଦୀର୍ଘତା ପଚାଶ ହାତ ଓ ପ୍ରସ୍ଥ ପଚିଶ ହାତ ଥିଲା।
\s5
\v 22 ପୁଣି, ତହିଁର ଜଳାକବାଟି, ମଣ୍ଡପ ଓ ଖର୍ଜ୍ଜୁର ବୃକ୍ଷର ଆକୃତିସକଳ ପୂର୍ବାଭିମୁଖ ଦ୍ୱାରର ପରିମାଣାନୁସାରେ ଥିଲା; ଲୋକମାନେ ସାତ ପାହାଚ ଦେଇ ତହିଁ ଉପରକୁ ଗଲେ ଓ ତହିଁର ମଣ୍ଡପ ତହିଁ ସମ୍ମୁଖରେ ଥିଲା।
\v 23 ଆଉ, ଉତ୍ତର ଓ ପୂର୍ବ ଦୁଇଆଡ଼େ, ଅନ୍ୟ ଦ୍ୱାରର ସମ୍ମୁଖରେ ଭିତର ପ୍ରାଙ୍ଗଣକୁ ଗୋଟିଏ ଦ୍ୱାର ଥିଲା; ପୁଣି, ସେ ଏକ ଦ୍ୱାରଠାରୁ ଅନ୍ୟ ଦ୍ୱାର ପର୍ଯ୍ୟନ୍ତ ଏକଶହ ହାତ ମାପିଲେ।
\s ଦକ୍ଷିଣ ଦ୍ୱାର
\p
\s5
\v 24 ଏଥିଉତ୍ତାରେ ସେ ମୋତେ ଦକ୍ଷିଣ ଦିଗକୁ ନେଇଗଲେ, ଆଉ ଦେଖ, ଦକ୍ଷିଣଆଡ଼େ ଏକ ଦ୍ୱାର ଥିଲା; ଆଉ, ସେ ଉପରୋକ୍ତ ପରିମାଣାନୁସାରେ ତହିଁର ଉପସ୍ତମ୍ଭ ଓ ମଣ୍ଡପସକଳ ପରିମାଣ କଲେ।
\v 25 ପୁଣି, ତହିଁରେ ଓ ତହିଁର ମଣ୍ଡପସକଳର ଚାରିଆଡ଼େ ପୂର୍ବୋକ୍ତ ଜଳାକବାଟି ପରି ଜଳାକବାଟି ଥିଲା; ଦୀର୍ଘତା ପଚାଶ ହାତ ଓ ପ୍ରସ୍ଥ ପଚିଶ ହାତ ଥିଲା।
\s5
\v 26 ତହିଁ ଉପରକୁ ଯିବା ପାଇଁ ସାତୋଟି ପାବଚ୍ଛ ଥିଲା ଓ ତହିଁର ମଣ୍ଡପ ତହିଁ ସମ୍ମୁଖରେ ଥିଲା; ପୁଣି, ତହିଁର ଉପସ୍ତମ୍ଭସକଳର ଏପାଖରେ ସେପାଖରେ ଏକ ଏକ ଖର୍ଜ୍ଜୁର ବୃକ୍ଷର ଆକୃତି ଥିଲା।
\v 27 ଆଉ, ଦକ୍ଷିଣ ଆଡ଼ ଭିତର ପ୍ରାଙ୍ଗଣକୁ ଏକ ଦ୍ୱାର ଥିଲା; ତହୁଁ ସେ ଦକ୍ଷିଣ ଆଡ଼ର ଏକ ଦ୍ୱାରଠାରୁ ଅନ୍ୟ ଦ୍ୱାର ପର୍ଯ୍ୟନ୍ତ ଏକଶହ ହାତ ମାପିଲେ।
\s ଭିତର ପ୍ରାଙ୍ଗଣ
\p
\s5
\v 28 ଏଉତ୍ତାରେ ସେ ମୋତେ ଦକ୍ଷିଣ ଦ୍ୱାର ଦେଇ ଭିତର ପ୍ରାଙ୍ଗଣକୁ ଆଣିଲେ ଓ ସେ ପୂର୍ବୋକ୍ତ ପରିମାଣାନୁସାରେ ଦକ୍ଷିଣ ଦ୍ୱାର ମାପିଲେ;
\v 29 ଆଉ, ତହିଁର କ୍ଷୁଦ୍ର କୋଠରି ଓ ଉପସ୍ତମ୍ଭ ଓ ମଣ୍ଡପସକଳ ସେହି ପରିମାଣାନୁସାରେ ମାପିଲେ; ଆଉ, ତହିଁରେ ଓ ତହିଁର ମଣ୍ଡପରେ ଚାରିଆଡ଼େ ଜଳାକବାଟି ଥିଲା; ତାହା ପଚାଶ ହାତ ଦୀର୍ଘ ଓ ପଚିଶ ହାତ ପ୍ରସ୍ଥ ଥିଲା।
\v 30 ପୁଣି, ତହିଁର ଚାରିଆଡ଼େ ପଚିଶ ହାତ ଦୀର୍ଘ ପାଞ୍ଚ ହାତ ପ୍ରସ୍ଥ ମଣ୍ଡପ ଥିଲା।
\v 31 ଆଉ, ତହିଁର ମଣ୍ଡପସକଳ ବାହାର ପ୍ରାଙ୍ଗଣର ଅଭିମୁଖରେ ଥିଲା ଓ ତହିଁର ଉପସ୍ତମ୍ଭସକଳର ଉପରେ ଖର୍ଜ୍ଜୁର ବୃକ୍ଷର ଆକୃତି ଥିଲା; ଆଉ, ତହିଁ ଉପରକୁ ଯିବା ପାଇଁ ଆଠଟି ପାବଚ୍ଛ ଥିଲା।
\s5
\v 32 ଏଥିଉତ୍ତାରେ ସେ ମୋତେ ପୂର୍ବଦିଗର ଭିତର ପ୍ରାଙ୍ଗଣ ମଧ୍ୟକୁ ଆଣିଲେ ଓ ସେ ପୂର୍ବୋକ୍ତ ପରିମାଣ ଅନୁସାରେ ଦ୍ୱାର ମାପିଲେ।
\v 33 ଆଉ, ତହିଁର କ୍ଷୁଦ୍ର କୋଠରି ଓ ଉପସ୍ତମ୍ଭ ଓ ମଣ୍ଡପସକଳ ସେହି ପରିମାଣାନୁସାରେ ମାପିଲେ; ପୁଣି, ତହିଁରେ ଓ ତହିଁର ମଣ୍ଡପସକଳର ଚାରିଆଡ଼େ ଜଳାକବାଟି ଥିଲା; ତାହା ଦୀର୍ଘରେ ପଚାଶ ହାତ ଓ ପ୍ରସ୍ଥରେ ପଚିଶ ହାତ।
\v 34 ଆଉ, ତହିଁର ମଣ୍ଡପସକଳ ବାହାର ପ୍ରାଙ୍ଗଣର ଅଭିମୁଖରେ ଥିଲା ଓ ତହିଁର ଉପସ୍ତମ୍ଭସକଳର ଏପାଖେ ସେପାଖେ ଖର୍ଜ୍ଜୁର ବୃକ୍ଷର ଆକୃତି ଥିଲା; ପୁଣି, ତହିଁ ଉପରକୁ ଯିବା ପାଇଁ ଆଠଗୋଟି ପାବଚ୍ଛ ଥିଲା।
\s5
\v 35 ତହୁଁ ସେ ମୋତେ ଉତ୍ତର ଦ୍ୱାରକୁ ଆଣିଲେ ଓ ସେ ପୂର୍ବୋକ୍ତ ପରିମାଣାନୁସାରେ ତାହା ମାପିଲେ;
\v 36 ତହିଁର କ୍ଷୁଦ୍ର କୋଠରି, ଉପସ୍ତମ୍ଭ ଓ ମଣ୍ଡପସକଳ ମାପିଲେ; ଆଉ, ତହିଁରେ ଚାରିଆଡ଼େ ଜଳାକବାଟି ଥିଲା; ତାହା ଦୀର୍ଘରେ ପଚାଶ ହାତ ଓ ପ୍ରସ୍ଥରେ ପଚିଶ ହାତ।
\v 37 ପୁଣି, ତହିଁର ଉପସ୍ତମ୍ଭସକଳ ତାହାର ପ୍ରାଙ୍ଗଣର ଅଭିମୁଖରେ ଥିଲା; ଆଉ, ସେହି ଉପସ୍ତମ୍ଭସକଳର ଉପରେ ଏପାଖେ ସେପାଖେ ଖର୍ଜ୍ଜୁର ବୃକ୍ଷର ଆକୃତି ଥିଲା; ପୁଣି, ତହିଁ ଉପରକୁ ଯିବା ପାଇଁ ଆଠଗୋଟି ପାବଚ୍ଛ ଥିଲା।
\s5
\v 38 ପୁଣି, ଦ୍ୱାରମାନର ନିକଟସ୍ଥ ଉପସ୍ତମ୍ଭସକଳର ପାଖରେ ଦ୍ୱାରବିଶିଷ୍ଟ ଏକ କୋଠରି ଥିଲା; ସେଠାରେ ସେମାନେ ହୋମ-ବଳି ଧୌତ କଲେ
\v 39 ଆଉ, ତହିଁ ଉପରେ ହୋମାର୍ଥକ, ପାପାର୍ଥକ ଓ ଦୋଷାର୍ଥକ ବଳି ବଧ କରିବା ପାଇଁ ଦ୍ୱାର ବାରଣ୍ଡାର ଏପାଖରେ ଦୁଇ ମେଜ ଓ ସେପାଖରେ ଦୁଇ ମେଜ ଥିଲା।
\s5
\v 40 ପୁଣି, ଦ୍ୱାରର ପାର୍ଶ୍ୱରେ ବାହାରେ ଓ ଉତ୍ତର ଦ୍ୱାର ଉପରକୁ ଯିବାର ପ୍ରବେଶ-ସ୍ଥାନ ନିକଟରେ ଏପାଖରେ ଦୁଇ ମେଜ ଥିଲା ଓ ଦ୍ୱାର ବାରଣ୍ଡାର ସେପାଖରେ ଦୁଇ ମେଜ ଥିଲା;
\v 41 ଦ୍ୱାର ପାର୍ଶ୍ୱର ଏପାଖରେ ଚାରି ମେଜ, ସେପାଖରେ ଚାରି ମେଜ ଥିଲା; ଏହିରୂପେ ଆଠ ମେଜ ଥିଲା, ତହିଁ ଉପରେ ବଳି ବଧ କରାଗଲା।
\s5
\v 42 ଆଉ, ହୋମ-ବଳି ନିମନ୍ତେ କଟା ପ୍ରସ୍ତରର ଚାରି ମେଜ ଥିଲା, ତହିଁର ଦୀର୍ଘତା ଦେଢ଼ ହାତ ଓ ପ୍ରସ୍ଥ ଦେଢ଼ ହାତ ଓ ଉଚ୍ଚ ଏକ ହାତ; ତହିଁ ଉପରେ ହୋମ ଓ ପ୍ରାୟଶ୍ଚିତ୍ତାର୍ଥକ-ବଳି ବଧ କରିବାର ଅସ୍ତ୍ର ରଖାଗଲା।
\v 43 ପୁଣି, ଚାରି ଅଙ୍ଗୁଳି ଦୀର୍ଘ ଆଙ୍କୁଡ଼ିମାନ ଭିତର ଚାରିଆଡ଼େ ଲଗା ହୋଇଥିଲା; ଆଉ, ମେଜମାନର ଉପରେ ଉପହାରାର୍ଥକ ମାଂସ ରଖାଗଲା।
\s5
\v 44 ଆଉ, ଭିତର ଦ୍ୱାରର ବାହାରେ ଭିତର ପ୍ରାଙ୍ଗଣରେ ଗାୟକମାନଙ୍କ ପାଇଁ କୋଠରି ଥିଲା, ସେହି ସବୁ ଉତ୍ତର ଦ୍ୱାରର ପାର୍ଶ୍ୱସ୍ଥିତ ଓ ସେହି ସବୁର ମୁଖ ଦକ୍ଷିଣ ପ୍ରତି ଥିଲା; ପୂର୍ବ ଦ୍ୱାରର ପାର୍ଶ୍ୱସ୍ଥିତ ଗୋଟିଏ କୋଠରିର ମୁଖ ଉତ୍ତର ପ୍ରତି ଥିଲା।
\v 45 ପୁଣି, ସେ ମୋତେ କହିଲେ, “ଏହି ଦକ୍ଷିଣାଭିମୁଖ କୋଠରିଗୃହର ରକ୍ଷଣୀୟ ରକ୍ଷାକାରୀ ଯାଜକମାନଙ୍କ ପାଇଁ ଅଛି।
\s5
\v 46 ଆଉ, ଯେଉଁ କୋଠରିର ମୁଖ ଉତ୍ତରଆଡ଼େ ଅଛି, ତାହା ଯଜ୍ଞବେଦିର ରକ୍ଷଣୀୟ ରକ୍ଷାକାରୀ ଯାଜକମାନଙ୍କ ପାଇଁ ଅଛି; ଏମାନେ ସାଦୋକର ସନ୍ତାନ, ଲେବୀର ସନ୍ତାନଗଣ ମଧ୍ୟରୁ ଏମାନେ ସଦାପ୍ରଭୁଙ୍କର ପରିଚର୍ଯ୍ୟା କରିବା ପାଇଁ ତାହାଙ୍କ ନିକଟକୁ ଆସନ୍ତି।”
\s ମନ୍ଦିର ପ୍ରାଙ୍ଗଣ
\p
\v 47 ଏଉତ୍ତାରେ ସେ ପ୍ରାଙ୍ଗଣ ମାପିଲେ, ତାହା ଏକଶହ ହାତ ଦୀର୍ଘ, ଏକଶହ ହାତ ପ୍ରସ୍ଥ, ଚାରିଆଡ଼େ ଏକ ସମାନ ଥିଲା ଓ ଗୃହ ସମ୍ମୁଖରେ ଯଜ୍ଞବେଦି ଥିଲା।
\s5
\v 48 ତେବେ ସେ ମୋତେ ଗୃହର ବାରଣ୍ଡାକୁ ଆଣି ବାରଣ୍ଡାରେ ସ୍ଥିତ ପ୍ରତ୍ୟେକ ଉପସ୍ତମ୍ଭ ମାପିଲେ, ସେ ପ୍ରତ୍ୟେକ ଏପାଖେ ପାଞ୍ଚ ହାତ, ସେପାଖେ ପାଞ୍ଚ ହାତ; ପୁଣି, ଦ୍ୱାରର ପ୍ରସ୍ଥ ଏପାଖେ ତିନି ହାତ, ସେପାଖେ ତିନି ହାତ ଥିଲା।
\v 49 ବାରଣ୍ଡାର ଦୀର୍ଘ କୋଡ଼ିଏ ହାତ; ତହିଁର ପ୍ରସ୍ଥ ଏଗାର ହାତ ଓ ପାବଚ୍ଛ ଦେଇ ଲୋକମାନେ ଉପରକୁ ଗଲେ, ଆଉ ଉପସ୍ତମ୍ଭମାନଙ୍କ ନିକଟରେ ଏପାଖେ ଏକ ଓ ସେପାଖେ ଏକ ସ୍ତମ୍ଭ ଥିଲା।
\s5
\c 41
\s ମନ୍ଦିର ଭିତର
\p
\v 1 ଏଥିଉତ୍ତାରେ ସେ ମୋତେ ମନ୍ଦିର ନିକଟକୁ ଆଣି ତହିଁର ଉପସ୍ତମ୍ଭ ସକଳ ମାପିଲେ, ସେ ଉପସ୍ତମ୍ଭର ପ୍ରସାର ଏପାଖରେ ଛଅ ହାତ, ସେପାଖରେ ଛଅ ହାତ ଥିଲା, ତମ୍ବୁର ପ୍ରସ୍ଥ ହିଁ ଏତିକି।
\v 2 ପୁଣି, ପ୍ରବେଶ-ସ୍ଥାନର ପ୍ରସ୍ଥ ଦଶ ହାତ ଓ ସେହି ପ୍ରବେଶ-ସ୍ଥାନର ପାର୍ଶ୍ୱ ଏପାଖେ ପାଞ୍ଚ ହାତ ଓ ସେପାଖେ ପାଞ୍ଚ ହାତ ଥିଲା; ଆଉ, ସେ ତହିଁର ଦୀର୍ଘତା ଚାଳିଶ ହାତ ଓ ପ୍ରସ୍ଥ କୋଡ଼ିଏ ହାତ ମାପିଲେ।
\s5
\v 3 ତେବେ ସେ ଭିତରକୁ ଯାଇ ପ୍ରବେଶ-ସ୍ଥାନର ଉପସ୍ତମ୍ଭ, ପ୍ରତ୍ୟେକ ଦୁଇ ହାତ ଲେଖାଏଁ ଓ ପ୍ରବେଶ-ସ୍ଥାନ ଛଅ ହାତ; ଆଉ, ପ୍ରବେଶ-ସ୍ଥାନର ପ୍ରସ୍ଥ ସାତ ହାତ ମାପିଲେ।
\v 4 ପୁଣି, ସେ ତହିଁର ଦୀର୍ଘତା କୋଡ଼ିଏ ହାତ ଓ ମନ୍ଦିର ସମ୍ମୁଖରେ ତହିଁର ପ୍ରସ୍ଥ କୋଡ଼ିଏ ହାତ ମାପିଲେ; ଆଉ, ସେ ମୋତେ କହିଲେ, “ଏହା ମହାପବିତ୍ର ସ୍ଥାନ ଅଟେ।”
\s5
\v 5 ତହୁଁ ସେ ଗୃହର କାନ୍ଥ ଛଅ ହାତ ଓ ଗୃହର ଚତୁର୍ଦ୍ଦିଗସ୍ଥିତ ପାର୍ଶ୍ୱସ୍ଥ ପ୍ରତ୍ୟେକ କୋଠରିର ପ୍ରସ୍ଥ ଚାରି ହାତ ଲେଖାଏଁ ମାପିଲେ।
\v 6 ପୁଣି, ଏକ ମହଲା ଉପରେ ଅନ୍ୟ ମହଲା, ଏହିରୂପେ ପାର୍ଶ୍ୱସ୍ଥ କୋଠରି ସକଳ ତିନି ମହଲା ଓ ଏକ ଏକ ଶ୍ରେଣୀରେ ତିରିଶ କୋଠରି ଥିଲା; ଆଉ, ପାର୍ଶ୍ୱସ୍ଥ କୋଠରି ସକଳ ନିମନ୍ତେ ଗୃହର ଚାରିଆଡ଼େ ଭିତ୍ତି ଥିଲା; କୋଠରି ସକଳ ତହିଁ ଉପରେ ନିର୍ଭର କଲା, ଗୃହର କାନ୍ଥ ଉପରେ ନିର୍ଭର କଲା ନାହିଁ।
\v 7 ପୁଣି, ପାର୍ଶ୍ୱସ୍ଥ କୋଠରି ସକଳ ଉଚ୍ଚତାରେ ଗୃହକୁ ବେଷ୍ଟନ କରୁ କରୁ ଅଧିକ ଅଧିକ ପ୍ରଶସ୍ତ ହେଲା; କାରଣ ଗୃହର ବେଷ୍ଟନ ଚତୁର୍ଦ୍ଦିଗରେ କ୍ରମଶଃ ଅଧିକ ଉଚ୍ଚ ହେଲା; ଏଥିପାଇଁ ଉଚ୍ଚତାର ଅନୁକ୍ରମେ ଗୃହ ଆହୁରି ଆହୁରି ପ୍ରଶସ୍ତ ହେଲା ଓ ନିମ୍ନତମ କୋଠରିରୁ ଉଚ୍ଚତମ କୋଠରିକୁ ଯିବାର ପଥ ମଧ୍ୟମ କୋଠରି ଦେଇ ଗଲା।
\s5
\v 8 ଆହୁରି, ମୁଁ ଦେଖିଲି ଯେ, ଗୃହର ଚତୁର୍ଦ୍ଦିଗରେ ଉଚ୍ଚୀକୃତ ଚଉତରା ଥିଲା; ପାର୍ଶ୍ୱସ୍ଥ କୋଠରି ସକଳର ଭିତ୍ତିମୂଳ ଛଅ ହାତ ପରିମିତ ସମ୍ପୂର୍ଣ୍ଣ ଏକ ହାତ ଥିଲା।
\v 9 ବାହାର ଭାଗରେ ପାର୍ଶ୍ୱସ୍ଥ କୋଠରି ସକଳର କାନ୍ଥ ପାଞ୍ଚ ହାତ ପ୍ରସ୍ଥ ଥିଲା ଓ ଅବଶିଷ୍ଟ ଯେଉଁ ସ୍ଥାନ ରହିଲା, ତାହା ଗୃହର ପାର୍ଶ୍ୱସ୍ଥ କୋଠରିର ସ୍ଥାନ ଥିଲା।
\s5
\v 10 କୋଠରି ସକଳର ମଧ୍ୟରେ ଗୃହର ଚାରିଆଡ଼େ କୋଡ଼ିଏ ହାତ ପ୍ରସ୍ଥ ସ୍ଥାନ ଥିଲା।
\v 11 ପୁଣି, ପାର୍ଶ୍ୱସ୍ଥ କୋଠରି ସକଳର ଦ୍ୱାର ସେହି ଅବଶିଷ୍ଟ ସ୍ଥାନ ପ୍ରତି ଥିଲା, ଗୋଟିଏ ଦ୍ୱାର ଉତ୍ତର ପ୍ରତି ଓ ଅନ୍ୟ ଦ୍ୱାର ଦକ୍ଷିଣ ପ୍ରତି ଥିଲା; ଆଉ, ସେହି ଅବଶିଷ୍ଟ ସ୍ଥାନର ପ୍ରସ୍ଥ ଚତୁର୍ଦ୍ଦିଗରେ ପାଞ୍ଚ ହାତ ଥିଲା।
\s5
\v 12 ପୁଣି, ପଶ୍ଚିମ ଦିଗସ୍ଥ ପୃଥକ୍ ସ୍ଥାନର ସମ୍ମୁଖବର୍ତ୍ତୀ ଗୃହ ସତୁରି ହାତ ପ୍ରସ୍ଥ ଥିଲା ଓ ଚତୁର୍ଦ୍ଦିଗରେ ସେହି ଗୃହର କାନ୍ଥ ପାଞ୍ଚ ହାତ ଓ ତହିଁର ଦୀର୍ଘତା ନବେ ହାତ ଥିଲା।
\v 13 ଏହିରୂପେ ସେ ଗୃହର ଦୀର୍ଘତା ଶହେ ହାତ ଓ ପୃଥକ୍ ସ୍ଥାନ, ଆଉ ତହିଁର ଗୃହ ଓ ତହିଁର କାନ୍ଥର ଦୀର୍ଘତା ଶହେ ହାତ ମାପିଲେ।
\v 14 ଆହୁରି, ପୂର୍ବଦିଗରେ ଗୃହର ଓ ପୃଥକ୍ ସ୍ଥାନର ଅଗ୍ରଭାଗ ଶହେ ହାତ ମାପିଲେ।
\s5
\v 15 ଏଥିଉତ୍ତାରେ ପୃଥକ୍ ସ୍ଥାନର ସମ୍ମୁଖସ୍ଥିତ ଗୃହର ଦୀର୍ଘତା, ଅର୍ଥାତ୍‍, ତାହାର ପଶ୍ଚାତ ଭାଗରେ ଯାହା ଥିଲା, ତାହା ଓ ଏପାଖେ ସେପାଖେ ତହିଁର ଅପ୍ରଶସ୍ତ ବାରଣ୍ଡା ଶହେ ହାତ ମାପିଲେ; ଆଉ, ଭିତର ମନ୍ଦିର ଓ ପ୍ରାଙ୍ଗଣର ବାରଣ୍ଡା (ମାପିଲେ);
\v 16 ଦ୍ୱାରର ସମ୍ମୁଖସ୍ଥାନ, ବନ୍ଦ ଜଳାକବାଟିସବୁ ଓ ଦ୍ୱାର ସମ୍ମୁଖ ସ୍ଥାନର ନିକଟସ୍ଥ ଚତୁର୍ଦ୍ଦିଗେ କାଷ୍ଠ ଆଚ୍ଛାଦିତ ତିନି ମହଲାର ଚତୁର୍ଦ୍ଦିଗର ଅପ୍ରଶସ୍ତ ବାରଣ୍ଡାସବୁ ଓ ଭୂମିଠାରୁ ଜଳାକବାଟି ପର୍ଯ୍ୟନ୍ତ ମାପିଲେ; ଜଳାକବାଟିସବୁ ଆଚ୍ଛାଦିତ ହୋଇଥିଲା;
\v 17 ଦ୍ୱାରର ଉପର ସ୍ଥାନ, ଅନ୍ତରସ୍ଥ ଗୃହ ଓ ବାହାରେ, ଆଉ କାନ୍ଥସବୁର ଚାରିଆଡ଼େ ଭିତରେ ଓ ବାହାରେ ସେହିସବୁର ବିଶେଷ ବିଶେଷ ପରିମାଣ (ନିରୂପିତ ହେଲା।)
\s5
\v 18 ପୁଣି, ତହିଁରେ କିରୂବ ଓ ଖର୍ଜ୍ଜୁର ବୃକ୍ଷର ଶିଳ୍ପ କର୍ମ ଥିଲା, କିରୂବ ଓ କିରୂବ ମଧ୍ୟରେ ଏକ ଖର୍ଜ୍ଜୁର ବୃକ୍ଷ ଓ ପ୍ରତ୍ୟେକ କିରୂବର ଦୁଇ ଦୁଇ ମୁଖ ଥିଲା।
\v 19 ଏହିରୂପେ ଏକ ପାର୍ଶ୍ୱସ୍ଥ ଖର୍ଜ୍ଜୁର ବୃକ୍ଷ ପ୍ରତି ମନୁଷ୍ୟର ମୁଖ ଓ ଅନ୍ୟ ପାର୍ଶ୍ୱସ୍ଥ ଖର୍ଜ୍ଜୁର ବୃକ୍ଷ ପ୍ରତି ଯୁବା ସିଂହର ମୁଖ ଥିଲା; ଏହି ପ୍ରକାର ଗୃହଯାକ ଥିଲା।
\v 20 ଭୂମିଠାରୁ ଦ୍ୱାରର ଉପରଭାଗ ପର୍ଯ୍ୟନ୍ତ କିରୂବ ଓ ଖର୍ଜ୍ଜୁର ବୃକ୍ଷ ଶିଳ୍ପିତ ହୋଇଥିଲା; ଏହି ପ୍ରକାରେ ମନ୍ଦିରର କାନ୍ଥ ଥିଲା।
\s5
\v 21 ମନ୍ଦିରର ଦ୍ୱାରବନ୍ଧସବୁ ଚତୁଷ୍କୋଣାକାର ଓ ପବିତ୍ର ସ୍ଥାନର ସମ୍ମୁଖ ଦେଶର ଆକୃତି ମନ୍ଦିରର ଆକୃତି ତୁଲ୍ୟ ଥିଲା।
\v 22 ବେଦି କାଷ୍ଠନିର୍ମିତ ତିନି ହାତ ଉଚ୍ଚ ଓ ତହିଁର ଦୀର୍ଘତା ଦୁଇ ହାତ ଥିଲା; ଆଉ, ତହିଁର କୋଣସବୁ ତହିଁର ଦୀର୍ଘତା ଓ ତହିଁର ଚାରିପାଖ କାଷ୍ଠମୟ ଥିଲା; ପୁଣି, ସେ ଆମ୍ଭକୁ କହିଲେ, “ସଦାପ୍ରଭୁଙ୍କର ସମ୍ମୁଖସ୍ଥ ମେଜ ଏହି।”
\v 23 ମନ୍ଦିର ଓ ପବିତ୍ର ସ୍ଥାନର ଦୁଇ ଦ୍ୱାର ଥିଲା।
\v 24 ଆଉ, ଏକ ଏକ କବାଟର ଦୁଇ ଦୁଇ ପଟ, ଦୁଇ ଦୁଇ ଘୂରିବା ପଟ ଥିଲା, ଅର୍ଥାତ୍‍, ଏକ ଦ୍ୱାରର ଦୁଇ ପଟ ଓ ଅନ୍ୟ ଦ୍ୱାରର ଦୁଇ ପଟ ଥିଲା।
\s5
\v 25 ପୁଣି, ସେହି ସବୁରେ, ଅର୍ଥାତ୍‍, ମନ୍ଦିର କବାଟରେ କାନ୍ଥରେ ଯେପରି, ସେହିପରି କିରୂବଗଣ ଓ ଖର୍ଜ୍ଜୁର ବୃକ୍ଷ ଶିଳ୍ପିତ ଥିଲା; ଆଉ, ବାହାର ବାରଣ୍ଡାର ଅଗ୍ରଭାଗରେ ମୋଟ କଡ଼ିକାଠ ଥିଲା।
\v 26 ଆଉ, ବାରଣ୍ଡାର ପାର୍ଶ୍ୱରେ ଏପାଖରେ ଓ ସେପାଖରେ ବନ୍ଦ ଜଳାକବାଟି ଓ ଖର୍ଜ୍ଜୁର ବୃକ୍ଷର ଆକୃତି ଥିଲା, ଗୃହର ପାର୍ଶ୍ୱସ୍ଥ କୋଠରି ଓ ମୋଟ କଡ଼ିକାଠସବୁ ଏହି ପ୍ରକାର ଥିଲା।
\s5
\c 42
\s ମନ୍ଦିରର କୋଠରି
\p
\v 1 ତହିଁ ଉତ୍ତାରୁ ସେ ମୋତେ ଉତ୍ତରଦିଗସ୍ଥ ପଥରେ ବାହାର ପ୍ରାଙ୍ଗଣକୁ ଆଣିଲେ; ଆଉ, ପୃଥକ୍ ସ୍ଥାନର ଓ ଗାନ୍ଥୁନୀର ନିକଟବର୍ତ୍ତୀ ଉତ୍ତର-ଦିଗସ୍ଥ କୋଠରିରେ ଉପସ୍ଥିତ କରାଇଲେ।
\v 2 ସମ୍ମୁଖରେ ଶହେ ହାତ ଦୀର୍ଘତାରେ ଉତ୍ତର ଦ୍ୱାର ଥିଲା ଓ ପ୍ରସ୍ଥ ପଚାଶ ହାତ ଥିଲା।
\v 3 ଭିତର ପ୍ରାଙ୍ଗଣର କୋଡ଼ିଏ ହାତ ସମ୍ମୁଖରେ ଓ ବାହାର ପ୍ରାଙ୍ଗଣର ଚଟାଣର ସମ୍ମୁଖରେ ତୃତୀୟ ମହଲାରେ ଲଗାଲଗି ହୋଇ ଅପ୍ରଶସ୍ତ ବାରଣ୍ଡା ଥିଲା।
\s5
\v 4 ପୁଣି, କୋଠରି ସକଳର ସମ୍ମୁଖରେ ଭିତର ଆଡ଼େ ଦଶ ହାତ ପ୍ରସ୍ଥର ଏକ ପଥ ଓ ଏକ ହାତ ପ୍ରସ୍ଥ ଏକ ପଥ ଥିଲା ଓ ସକଳର ଦ୍ୱାର ଉତ୍ତର ଆଡ଼େ ଥିଲା।
\v 5 ଉପରିସ୍ଥ କୋଠରି ସକଳ ଛୋଟ ଥିଲା; କାରଣ ଗାନ୍ଥୁନୀର ଅଧଃସ୍ଥିତ ଓ ମଧ୍ୟସ୍ଥିତ କୋଠରି ଅପେକ୍ଷା ଅପ୍ରଶସ୍ତ ବାରଣ୍ଡାସବୁ ତହିଁରୁ ଅଧିକ ସ୍ଥାନ ଘେନିଲା।
\v 6 କାରଣ ତାହା ତିନି ମହଲା ଥିଲା, ଆଉ ବାହାର ପ୍ରାଙ୍ଗଣର ସ୍ତମ୍ଭ ପରି ସେହି ସବୁରେ ସ୍ତମ୍ଭ ନ ଥିଲା; ଏଥିପାଇଁ ଭୂମିଠାରୁ ଉଚ୍ଚତମ କୋଠରିସବୁ ଅଧଃସ୍ଥିତ ଓ ମଧ୍ୟସ୍ଥିତ ଅପେକ୍ଷା ଅପ୍ରଶସ୍ତ ଥିଲା।
\s5
\v 7 ପୁଣି, କୋଠରି ସକଳର ସମ୍ମୁଖବର୍ତ୍ତୀ ବାହାର ପ୍ରାଙ୍ଗଣ ଆଡ଼େ କୋଠରି ସକଳର ପାର୍ଶ୍ୱରେ ଯେଉଁ କାନ୍ଥ ଥିଲା, ତହିଁର ଦୀର୍ଘତା ପଚାଶ ହାତ ଥିଲା।
\v 8 କାରଣ ବାହାର ପ୍ରାଙ୍ଗଣସ୍ଥିତ କୋଠରି ସକଳର ଦୀର୍ଘତା ପଚାଶ ହାତ ଥିଲା; ପୁଣି, ଦେଖ, ମନ୍ଦିର ସମ୍ମୁଖରେ ତାହା ଶହେ ହାତ ଥିଲା।
\v 9 ପୁଣି, ବାହାର ପ୍ରାଙ୍ଗଣରୁ ସେହି ସବୁ କୋଠରିକୁ ଗଲା ବେଳେ ପୂର୍ବ ଦିଗରେ ତହିଁର ତଳରେ ପ୍ରବେଶ-ସ୍ଥାନ ପଡ଼ିଲା।
\s5
\v 10 ପ୍ରାଙ୍ଗଣ କାନ୍ଥର ପ୍ରଶସ୍ତ ଭାଗରେ ପୂର୍ବ ଦିଗରେ ପୃଥକ୍ ସ୍ଥାନର ଓ ଗାନ୍ଥୁନୀର ସମ୍ମୁଖରେ କୋଠରି ଶ୍ରେଣୀ ଥିଲା।
\v 11 ଆଉ, ସେହି ସବୁର ସମ୍ମୁଖବର୍ତ୍ତୀ ପଥ ଉତ୍ତର ଦିଗାଭିମୁଖ କୋଠରି-ସକଳର ପଥ ପରି ଥିଲା; ସେହି ସବୁର ଦୀର୍ଘତା ପ୍ରମାଣରେ ପ୍ରସ୍ଥ ଥିଲା; ପୁଣି, ସେହି ସବୁର ନିର୍ଗମନ ସ୍ଥାନାନୁସାରେ ଗଠନ ଓ ଦ୍ୱାର ଥିଲା।
\v 12 ପୁଣି, ଦକ୍ଷିଣ ଦିଗସ୍ଥିତ କୋଠରି ସକଳର ଦ୍ୱାର ତୁଲ୍ୟ ପଥ ମୁଣ୍ଡରେ ଗୋଟିଏ ଦ୍ୱାର ଥିଲା; ସେହି ପଥ କାନ୍ଥର ସମ୍ମୁଖରେ, ଅର୍ଥାତ୍‍, ସେହି ସ୍ଥାନକୁ ଯିବା ଲୋକର ପୂର୍ବ ଦିଗରେ ପଡ଼ିଲା।
\s5
\v 13 ତହୁଁ ସେ ମୋତେ କହିଲେ, “ପୃଥକ୍ ସ୍ଥାନର ଉତ୍ତର ଓ ଦକ୍ଷିଣ ଦିଗରେ ଯେଉଁ କୋଠରିମାନ ଅଛି, ସେହି ସବୁ ପବିତ୍ର କୋଠରି, ଯେଉଁ ଯାଜକମାନେ ସଦାପ୍ରଭୁଙ୍କର ନିକଟବର୍ତ୍ତୀ ଅଟନ୍ତି, ସେମାନେ ସେଠାରେ ମହାପବିତ୍ର ଦ୍ରବ୍ୟସକଳ ଭୋଜନ କରିବେ; ସେହି ସ୍ଥାନରେ ସେମାନେ ମହାପବିତ୍ର ଦ୍ରବ୍ୟସକଳ ଓ ଭକ୍ଷ୍ୟ ନୈବେଦ୍ୟ, ପାପାର୍ଥକ ବଳି ଓ ଦୋଷାର୍ଥକ ବଳି ରଖିବେ; କାରଣ ସେହି ସ୍ଥାନ ପବିତ୍ର ଅଟେ।
\v 14 ଯେଉଁ ସମୟରେ ଯାଜକମାନେ ତହିଁ ମଧ୍ୟରେ ପ୍ରବେଶ କରନ୍ତି, ସେହି ସମୟରେ ସେମାନେ ସେହି ପବିତ୍ର ସ୍ଥାନରୁ ବାହାରି ବାହାର ପ୍ରାଙ୍ଗଣକୁ ଯିବେ ନାହିଁ, ମାତ୍ର ଯେଉଁ ଯେଉଁ ବସ୍ତ୍ର ପିନ୍ଧି ସେମାନେ ପରିଚର୍ଯ୍ୟା କରନ୍ତି, ତାହାସବୁ ସେଠାରେ ରଖିବେ; କାରଣ ସେହି ସବୁ ପବିତ୍ର; ଆଉ, ସେମାନେ ଅନ୍ୟ ବସ୍ତ୍ର ପିନ୍ଧିବେ, ତହିଁ ଉତ୍ତାରେ ଲୋକମାନଙ୍କ ସ୍ଥାନର ନିକଟକୁ ଯିବେ।”
\s5
\v 15 ଭିତର ଗୃହ ମାପିବାର ସମାପ୍ତ କଲା ଉତ୍ତାରେ ସେ ପୂର୍ବାଭିମୁଖ ଦ୍ୱାରର ପଥ ଦେଇ ମୋତେ ବାହାରକୁ ଆଣିଲେ ଓ ତହିଁର ଚତୁର୍ଦ୍ଦିଗ ମାପିଲେ।
\s5
\v 16 ସେ ପରିମାପକ ଦଣ୍ଡ ଦ୍ୱାର ପୂର୍ବ ପାର୍ଶ୍ୱ ମାପିଲେ, ପରିମାପକ ଦଣ୍ଡରେ ଚତୁର୍ଦ୍ଦିଗ ପାଞ୍ଚଶହ ଦଣ୍ଡ ହେଲା।
\v 17 ସେ ଉତ୍ତର ପାର୍ଶ୍ୱ ମାପିଲେ, ପରିମାପକ ଦଣ୍ଡରେ ଚତୁର୍ଦ୍ଦିଗ ପାଞ୍ଚଶହ ଦଣ୍ଡ ହେଲା।
\v 18 ସେ ଦକ୍ଷିଣ ପାର୍ଶ୍ୱ ମାପିଲେ, ପରିମାପକ ଦଣ୍ଡରେ ତାହା ପାଞ୍ଚଶହ ଦଣ୍ଡ ହେଲା।
\v 19 ସେ ପଶ୍ଚିମ ପାର୍ଶ୍ୱକୁ ଫେରି ପରିମାପକ ଦଣ୍ଡରେ ପାଞ୍ଚଶହ ଦଣ୍ଡ ମାପିଲେ।
\s5
\v 20 ସେ ତାହାର ଚାରି ପାର୍ଶ୍ୱ ମାପିଲେ; ପବିତ୍ର ଓ ସାଧାରଣ ସ୍ଥାନ ମଧ୍ୟରେ ବିଚ୍ଛେଦ କରିବା ପାଇଁ ତହିଁର ଚତୁର୍ଦ୍ଦିଗରେ ପ୍ରାଚୀର ଥିଲା, ତାହା ଦୀର୍ଘରେ ପାଞ୍ଚଶହ ଓ ପ୍ରସ୍ଥରେ ପାଞ୍ଚଶହ (ଦଣ୍ଡ) ଥିଲା।
\s5
\c 43
\s ସଦାପ୍ରଭୁଙ୍କ ପ୍ରତାପରେ ମନ୍ଦିର ପରିପୂର୍ଣ୍ଣ
\p
\v 1 ଏଥିଉତ୍ତାରେ ସେ ମୋତେ ଦ୍ୱାରକୁ, ଅର୍ଥାତ୍‍, ପୂର୍ବାଭିମୁଖ ଦ୍ୱାର ନିକଟକୁ ଆଣିଲେ;
\v 2 ଆଉ ଦେଖ, ପୂର୍ବଦିଗସ୍ଥ ପଥରୁ ଇସ୍ରାଏଲର ପରମେଶ୍ୱରଙ୍କର ପ୍ରତାପ ଆସୁଅଛି; ତାହାଙ୍କର ଶବ୍ଦ ଜଳରାଶିର ଶବ୍ଦ ତୁଲ୍ୟ ଓ ତାହାଙ୍କର ପ୍ରତାପରେ ଭୂମି ଦୀପ୍ତିମୟ ହେଲା।
\s5
\v 3 ପୁଣି, ମୁଁ ଯେଉଁ ଦର୍ଶନ ଦେଖିଥିଲି, ଅର୍ଥାତ୍‍, ନଗର ବିନାଶାର୍ଥେ ଆସିବା ସମୟରେ ଯେଉଁ ଦର୍ଶନ ଦେଖିଥିଲି, ଏ ତଦ୍ରୂପ ଦର୍ଶନ ଓ ମୁଁ କବାର ନଦୀ ତୀରରେ ଯେଉଁ ଦର୍ଶନ ଦେଖିଥିଲି, ଏହିସବୁ ଦର୍ଶନ ତାହାର ତୁଲ୍ୟ; ତହୁଁ ମୁଁ ଉବୁଡ଼ ହୋଇ ପଡ଼ିଲି।
\v 4 ପୁଣି, ପୂର୍ବାଭିମୁଖ ଦ୍ୱାରର ପଥ ଦେଇ ସଦାପ୍ରଭୁଙ୍କର ପ୍ରତାପ ଗୃହ ମଧ୍ୟରେ ପ୍ରବେଶ କଲା।
\v 5 ଏଥିଉତ୍ତାରେ ପରମେଶ୍ୱରଙ୍କ ଆତ୍ମା ମୋତେ ଉଠାଇ ଭିତର ପ୍ରାଙ୍ଗଣକୁ ଆଣିଲେ; ଆଉ ଦେଖ, ସଦାପ୍ରଭୁଙ୍କ ପ୍ରତାପ ଗୃହକୁ ପରିପୂର୍ଣ୍ଣ କଲା।
\s5
\v 6 ପୁଣି, ଗୃହ ମଧ୍ୟରୁ ଏକଜଣ ମୋତେ କହିବାର ଶୁଣିଲି ଓ ଏକ ବ୍ୟକ୍ତି ମୋ’ ପାଖରେ ଠିଆ ହେଲେ।
\v 7 ଆଉ, ସେ ମୋତେ କହିଲେ, “ହେ ମନୁଷ୍ୟ-ସନ୍ତାନ, ଏହା ଆମ୍ଭ ସିଂହାସନର ସ୍ଥାନ ଓ ଆମ୍ଭ ପାଦପୀଠର ସ୍ଥାନ, ଏହି ସ୍ଥାନରେ ଆମ୍ଭେ ଇସ୍ରାଏଲ ସନ୍ତାନଗଣ ମଧ୍ୟରେ ସଦାକାଳ ବାସ କରିବା; ଆଉ, ଇସ୍ରାଏଲ ବଂଶ, ଅର୍ଥାତ୍‍, ସେମାନେ ଓ ସେମାନଙ୍କ ରାଜାଗଣ ଆପଣାମାନଙ୍କର ବ୍ୟଭିଚାର ଓ ଉଚ୍ଚସ୍ଥଳୀରେ ଆପଣାମାନଙ୍କ ରାଜାଗଣର ଶବ ଦ୍ୱାରା ଆମ୍ଭର ପବିତ୍ର ନାମ ଆଉ ଅଶୁଚି କରିବେ ନାହିଁ।
\v 8 ସେମାନେ ଆମ୍ଭର ଦ୍ୱାର ପ୍ରବେଶ-ସ୍ଥାନ ନିକଟରେ ଆପଣାମାନଙ୍କର ଦ୍ୱାର ପ୍ରବେଶ-ସ୍ଥାନ ଓ ଆମ୍ଭ ଦ୍ୱାରବନ୍ଧ ନିକଟରେ ଆପଣାମାନଙ୍କର ଦ୍ୱାରବନ୍ଧ ରଖିବାରୁ ଆମ୍ଭର ଓ ସେମାନଙ୍କ ମଧ୍ୟରେ କେବଳ ଏକ କାନ୍ଥ ଥିଲା, ପୁଣି, ଆପଣାମାନଙ୍କର କୃତ ଘୃଣାଯୋଗ୍ୟ କ୍ରିୟା ଦ୍ୱାରା ଆମ୍ଭର ପବିତ୍ର ନାମ ସେମାନେ ଅପବିତ୍ର କରିଅଛନ୍ତି; ଏନିମନ୍ତେ ଆମ୍ଭେ ଆପଣାର କ୍ରୋଧରେ ସେମାନଙ୍କୁ ଗ୍ରାସ କରିଅଛୁ।
\s5
\v 9 ଏବେ ସେମାନେ ଆପଣାମାନଙ୍କର ବ୍ୟଭିଚାର କ୍ରିୟା ଓ ଆପଣାମାନଙ୍କର ରାଜାଗଣର ଶବ ଆମ୍ଭ ନିକଟରୁ ଦୂର କରନ୍ତୁ, ତହିଁରେ ଆମ୍ଭେ ସଦାକାଳ ସେମାନଙ୍କ ମଧ୍ୟରେ ବାସ କରିବା।
\s5
\v 10 ହେ ମନୁଷ୍ୟ-ସନ୍ତାନ, ଇସ୍ରାଏଲ ବଂଶ ଯେପରି ଆପଣା ଆପଣା ଅଧର୍ମ ହେତୁ ଲଜ୍ଜିତ ହେବେ, ଏଥିପାଇଁ ତୁମ୍ଭେ ସେମାନଙ୍କୁ ଏହି ଗୃହ ଦେଖାଅ; ଆଉ, ସେମାନେ ସେହି ଗୃହର ଆଦର୍ଶ ପରିମାଣ କରନ୍ତୁ।
\v 11 ପୁଣି, ସେମାନେ ଯଦି ଆପଣାମାନଙ୍କ କୃତ ସମସ୍ତ କର୍ମ ହେତୁ ଲଜ୍ଜିତ ହୁଅନ୍ତି, ତେବେ ସେମାନେ ଯେପରି ଗୃହର ସକଳ ଆକୃତି ଓ ତହିଁର ସମସ୍ତ ବିଧି ରକ୍ଷା କରି ତଦନୁସାରେ କର୍ମ କରିବେ, ଏଥିପାଇଁ ସେମାନଙ୍କୁ ଗୃହର ଆକାର, ତହିଁର ଗଠନ, ନିର୍ଗମନ-ସ୍ଥାନ ଓ ପ୍ରବେଶ-ସ୍ଥାନ, ସକଳ ଆକୃତି ଓ ତହିଁର ସମସ୍ତ ବିଧି, ସମସ୍ତ ଆକୃତି ଓ ତହିଁର ସକଳ ବ୍ୟବସ୍ଥା ସେମାନଙ୍କୁ ଜ୍ଞାତ କରାଅ, ଆଉ ସେମାନଙ୍କ ସାକ୍ଷାତରେ ତାହା ଲେଖ।
\s5
\v 12 ଗୃହର ବ୍ୟବସ୍ଥା ଏହି, ପର୍ବତ ଶୃଙ୍ଗର ଉପରିସ୍ଥ ଚତୁର୍ଦ୍ଦିଗର ସମୁଦାୟ ସୀମା ମହାପବିତ୍ର ହେବ। ଦେଖ, ଏହା ହିଁ ଗୃହର ବ୍ୟବସ୍ଥା।
\s ଯଜ୍ଞବେଦି
\p
\s5
\v 13 ପୁଣି, ହାତ ଅନୁସାରେ ଯଜ୍ଞବେଦିର ପରିମାଣ ଏହି; (ପ୍ରତି ହାତ ଏକ ହାତ ଚାରି ଅଙ୍ଗୁଳି ପରିମିତ) ବେଦିର ମୂଳ ଏକ ହାତ ଓ ପ୍ରସ୍ଥ ଏକ ହାତ, ଆଉ ଚତୁର୍ଦ୍ଦିଗରେ ତହିଁର ପ୍ରାନ୍ତ ଧାର ଏକ ଚାଖଣ୍ଡ ପରିମିତ ହେବ; ଏହା ଯଜ୍ଞବେଦିର ତଳଭାଗ।
\v 14 ପୁଣି, ଭୂମିସ୍ଥ ମୂଳଠାରୁ ତଳ ଥାକ ପର୍ଯ୍ୟନ୍ତ ଦୁଇ ହାତ ଓ ପ୍ରସ୍ଥ ଏକ ହାତ ହେବ। ଆଉ, ସେହି କ୍ଷୁଦ୍ରତର ଥାକଠାରୁ ବଡ଼ ଥାକ ପର୍ଯ୍ୟନ୍ତ ଚାରି ହାତ ଓ ପ୍ରସ୍ଥ ଏକ ହାତ ହେବ।
\s5
\v 15 ପୁଣି, ଉପରିସ୍ଥ ଯଜ୍ଞବେଦି ଚାରି ହାତ ହେବ ଓ ଯଜ୍ଞବେଦିର ଅଗ୍ନିସ୍ଥାନଠାରୁ ଉପର ଆଡ଼କୁ ଚାରି ଶୃଙ୍ଗ ହେବ।
\v 16 ଯଜ୍ଞବେଦିର ଅଗ୍ନିସ୍ଥାନ ବାର ହାତ ଦୀର୍ଘ ଓ ବାର ହାତ ପ୍ରସ୍ଥ; ତହିଁର ଚାରି ଦିଗ ସମାନ ହେବ।
\v 17 ପୁଣି, ଥାକର ଚାରି ପାଖେ ଚଉଦ ହାତ ଦୀର୍ଘ, ପ୍ରସ୍ଥ ଚଉଦ ହାତ ହେବ, ଆଉ ତହିଁର ଧାର ଚାରି ଦିଗରେ ଅଧ ହାତ ଓ ତହିଁର ମୂଳ ଚାରିଆଡ଼େ ଏକ ହାତ ପରିମିତ ହେବ; ପୁଣି, ତହିଁର ପାବଚ୍ଛସବୁ ପୂର୍ବାଭିମୁଖ ହେବ।”
\s5
\v 18 ଆଉ, ସେ ମୋତେ କହିଲେ, “ହେ ମନୁଷ୍ୟ-ସନ୍ତାନ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ପୁଣି, ଯେଉଁ ସମୟରେ ତହିଁ ଉପରେ ସେମାନେ ହୋମ ବଳିଦାନ ଓ ରକ୍ତ ସିଞ୍ଚନ କରିବା ନିମନ୍ତେ ଯଜ୍ଞବେଦି ନିର୍ମାଣ କରିବେ, ସେହି ସମୟରେ ତହିଁ ସମ୍ବନ୍ଧୀୟ ବିଧି ଏହି।
\v 19 ପ୍ରଭୁ, ସଦାପ୍ରଭୁ କହନ୍ତି, ସାଦୋକ ବଂଶଜାତ ଯେଉଁ ଲେବୀୟ ଯାଜକଗଣ ଆମ୍ଭର ପରିଚର୍ଯ୍ୟା କରିବା ପାଇଁ ଆମ୍ଭର ନିକଟବର୍ତ୍ତୀ ଅଟନ୍ତି, ସେମାନଙ୍କୁ ତୁମ୍ଭେ ପାପାର୍ଥକ ବଳି ନିମନ୍ତେ ଗୋଟିଏ ଯୁବା ବୃଷ ଦେବ।”
\s5
\v 20 ପୁଣି, ତୁମ୍ଭେ ତହିଁର ରକ୍ତ ନେଇ ଚାରି ଶୃଙ୍ଗ ଉପରେ ଓ ଥାକର ଚାରି କୋଣ ଉପରେ ଓ ଧାରର ଚାରିଆଡ଼େ ଦେବ, ଏହି ପ୍ରକାର ତୁମ୍ଭେ ବେଦିକୁ ଶୁଚି କରି ତହିଁ ନିମନ୍ତେ ପ୍ରାୟଶ୍ଚିତ୍ତ କରିବ।
\v 21 ଆହୁରି, ତୁମ୍ଭେ ପାପାର୍ଥକ ବୃଷ ନେବ ଓ ସେ ପବିତ୍ର ସ୍ଥାନର ବାହାରେ ଗୃହର ନିରୂପିତ ସ୍ଥାନରେ ତାହା ଦଗ୍ଧ କରିବ।
\s5
\v 22 ପୁଣି, ତୁମ୍ଭେ ଦ୍ୱିତୀୟ ଦିନରେ ପାପାର୍ଥକ ବଳି ରୂପେ ଏକ ନିର୍ଦ୍ଦୋଷ ଛାଗ ଉତ୍ସର୍ଗ କରିବ; ଆଉ, ସେମାନେ ବୃଷ ନେଇ ଯେପରି କରିଥିଲେ, ସେହିପରି ଯଜ୍ଞବେଦିକୁ ଶୁଚି କରିବେ।
\v 23 ତୁମ୍ଭେ ତାହା ଶୁଚି କରିବାର ସମାପ୍ତ କଲା ଉତ୍ତାରେ ଗୋଟିଏ ନିର୍ଦ୍ଦୋଷ ଯୁବା ବୃଷ ଓ ପଲରୁ ଏକ ନିର୍ଦ୍ଦୋଷ ମେଷ ଉତ୍ସର୍ଗ କରିବ।
\v 24 ପୁଣି, ତୁମ୍ଭେ ସେହି ସବୁକୁ ସଦାପ୍ରଭୁଙ୍କ ସମ୍ମୁଖକୁ ଆଣିବ ଓ ଯାଜକମାନେ ସେହି ସବୁର ଉପରେ ଲବଣ ସିଞ୍ଚନ କରି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସେହି ସବୁକୁ ହୋମବଳି ରୂପେ ଉତ୍ସର୍ଗ କରିବେ।
\s5
\v 25 ସାତ ଦିନ ପର୍ଯ୍ୟନ୍ତ ପ୍ରତି ଦିନ ପାପାର୍ଥକ ବଳି ରୂପେ ତୁମ୍ଭେ ଏକ ଛାଗ ଉତ୍ସର୍ଗ କରିବ; ସେମାନେ ମଧ୍ୟ ନିର୍ଦ୍ଦୋଷ ଏକ ଯୁବା ବୃଷ ଓ ପଲରୁ ଏକ ନିର୍ଦ୍ଦୋଷ ମେଷ ଉତ୍ସର୍ଗ କରିବେ।
\v 26 ସାତ ଦିନ ପର୍ଯ୍ୟନ୍ତ ସେମାନେ ଯଜ୍ଞବେଦି ନିମନ୍ତେ ପ୍ରାୟଶ୍ଚିତ୍ତ କରି ତାହା ଶୁଚି କରିବେ, ଏହିରୂପେ ସେମାନେ ତାହା ପ୍ରତିଷ୍ଠା କରିବେ।
\v 27 ପୁଣି, ସେମାନେ ସେସକଳ ଦିନ ସମାପ୍ତ କଲା ଉତ୍ତାରେ ଅଷ୍ଟମ ଦିନଠାରୁ ଯାଜକମାନେ ଯଜ୍ଞବେଦି ଉପରେ ତୁମ୍ଭମାନଙ୍କର ହୋମାର୍ଥକ ଓ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କରିବେ, ତହିଁରେ ଆମ୍ଭେ ତୁମ୍ଭମାନଙ୍କୁ ଗ୍ରହଣ କରିବା, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।
\s5
\c 44
\s ଅଧିପତିଙ୍କ ଦ୍ୱାର
\p
\v 1 ଏଉତ୍ତାରେ ସେ ମୋତେ ପବିତ୍ର ସ୍ଥାନର ପୂର୍ବାଭିମୁଖ ବାହାର ଦ୍ୱାର ବାଟରେ ଫେରାଇ ଆଣିଲେ, ପୁଣି, ଦ୍ୱାର ବନ୍ଦ ଥିଲା।
\v 2 ପୁଣି, ସଦାପ୍ରଭୁ ମୋତେ କହିଲେ, “ଏହି ଦ୍ୱାର ବନ୍ଦ ରହିବ, ତାହା ମୁକ୍ତ ହେବ ନାହିଁ, କିଅବା କୌଣସି ମନୁଷ୍ୟ ତାହା ଦେଇ ପ୍ରବେଶ କରିବ ନାହିଁ, କାରଣ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ତାହା ଦେଇ ପ୍ରବେଶ କରିଅଛନ୍ତି; ଏଥିପାଇଁ ତାହା ବନ୍ଦ ରହିବ।
\v 3 କେବଳ ଅଧିପତି, ଅଧିପତି ବୋଲି ସଦାପ୍ରଭୁଙ୍କ ସମ୍ମୁଖରେ ଆହାର କରିବା ପାଇଁ ତହିଁ ମଧ୍ୟରେ ବସିବେ; ସେ ଦ୍ୱାରର ବାରଣ୍ଡା ପଥ ଦେଇ ପ୍ରବେଶ କରିବେ ଓ ସେହି ପଥ ଦେଇ ବାହାରି ଯିବେ।”
\s5
\v 4 ତେବେ ସେ ଉତ୍ତର ଦ୍ୱାର ପଥରେ ମୋତେ ଗୃହ ସମ୍ମୁଖକୁ ଆଣିଲେ; ତହିଁରେ ମୁଁ ଦୃଷ୍ଟିପାତ କଲି, ଆଉ ଦେଖ, ସଦାପ୍ରଭୁଙ୍କ ଗୃହ ସଦାପ୍ରଭୁଙ୍କ ପ୍ରତାପରେ ପରିପୂର୍ଣ୍ଣ ଥିଲା; ତହିଁରେ ମୁଁ ମୁହଁ ମାଡ଼ି ପଡ଼ିଲି।
\v 5 ପୁଣି, ସଦାପ୍ରଭୁ ମୋତେ କହିଲେ, “ହେ ମନୁଷ୍ୟ-ସନ୍ତାନ, ସଦାପ୍ରଭୁଙ୍କ ଗୃହର ସକଳ ବିଧି ଓ ତହିଁର ସକଳ ବ୍ୟବସ୍ଥା ବିଷୟରେ ଯାହା ଯାହା ଆମ୍ଭେ ତୁମ୍ଭକୁ କହିଅଛୁ, ତୁମ୍ଭେ ଉତ୍ତମ ରୂପେ ମନୋଯୋଗ କରି ତାହା ଆପଣା ଚକ୍ଷୁରେ ଦେଖ ଓ ଆପଣା କର୍ଣ୍ଣରେ ଶୁଣ ଓ ଗୃହରେ ପ୍ରବେଶ କରିବାର ଓ ପବିତ୍ର ସ୍ଥାନରୁ ବାହାରିବାର ସକଳ ବିଷୟରେ ଉତ୍ତମ ରୂପେ ମନୋଯୋଗ କର।
\s5
\v 6 ପୁଣି, ତୁମ୍ଭେ ବିଦ୍ରୋହୀମାନଙ୍କୁ, ଅର୍ଥାତ୍‍, ଇସ୍ରାଏଲ ବଂଶକୁ କହିବ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି: ହେ ଇସ୍ରାଏଲ ବଂଶ, ତୁମ୍ଭମାନଙ୍କ କୃତ ଘୃଣାଯୋଗ୍ୟ କ୍ରିୟାସକଳ ତୁମ୍ଭମାନଙ୍କ ନିମନ୍ତେ ଯଥେଷ୍ଟ ହେଉ,
\v 7 କାରଣ ତୁମ୍ଭେମାନେ ଅସୁନ୍ନତ ହୃଦୟ ଓ ଅସୁନ୍ନତ ମାଂସବିଶିଷ୍ଟ ବିଦେଶୀୟ ଲୋକମାନଙ୍କୁ ଆମ୍ଭ ପବିତ୍ର ସ୍ଥାନରେ ରହିବା ପାଇଁ ତୁମ୍ଭେମାନେ ଆମ୍ଭର ଭକ୍ଷ୍ୟ, ମେଦ ଓ ରକ୍ତ ଉତ୍ସର୍ଗ କଲା ବେଳେ ଆମ୍ଭର ସେହି ଗୃହକୁ ଅପବିତ୍ର କରିବା ପାଇଁ ସେମାନଙ୍କୁ ଭିତରକୁ ଆଣିଅଛ ଓ ତୁମ୍ଭମାନଙ୍କର ଅଧର୍ମସକଳ ବୃଦ୍ଧି କରିବା ନିମନ୍ତେ ସେମାନେ ଆମ୍ଭର ନିୟମ ଭଗ୍ନ କରିଅଛନ୍ତି।
\s5
\v 8 ପୁଣି, ତୁମ୍ଭେମାନେ ଆମ୍ଭର ପବିତ୍ର ବସ୍ତୁସକଳର ରକ୍ଷଣୀୟ ରକ୍ଷା କରି ନାହଁ, ମାତ୍ର ତୁମ୍ଭେମାନେ ଆମ୍ଭର ପବିତ୍ର ସ୍ଥାନର ରକ୍ଷଣୀୟ ରକ୍ଷା କରିବା ପାଇଁ ଆପଣାମାନଙ୍କ ନିମନ୍ତେ ରକ୍ଷକ ନିଯୁକ୍ତ କରିଅଛ।
\v 9 ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ଇସ୍ରାଏଲ ସନ୍ତାନଗଣ ମଧ୍ୟରେ ଯେସକଳ ବିଦେଶୀୟ ଲୋକ ଅଛନ୍ତି, ସେମାନଙ୍କ ମଧ୍ୟରୁ ଅସୁନ୍ନତ ହୃଦୟ ଓ ଅସୁନ୍ନତ ମାଂସବିଶିଷ୍ଟ କୌଣସି ବିଦେଶୀୟ ଲୋକ ଆମ୍ଭ ପବିତ୍ର ସ୍ଥାନରେ ପ୍ରବେଶ କରିବ ନାହିଁ।”
\s ଲେବୀୟ ଯାଜକଙ୍କ ନିମନ୍ତେ ବିଧି
\p
\s5
\v 10 ମାତ୍ର ଇସ୍ରାଏଲ ବିପଥଗମନ କରିବା ସମୟରେ ଯେଉଁ ଲେବୀୟମାନେ ଆମ୍ଭଠାରୁ ଦୂରକୁ ଯାଇଥିଲେ, ଆପଣା ଆପଣା ଦେବଗଣର ପଶ୍ଚାଦ୍‍ଗାମୀ ହୋଇ ଆମ୍ଭଠାରୁ ବିପଥରେ ଗମନ କରିଥିଲେ, ସେମାନେ ଆପଣା ଆପଣା ଅଧର୍ମ ବହନ କରିବେ।
\v 11 ତଥାପି ସେମାନେ ଗୃହର ଦ୍ୱାରସକଳର ଦ୍ୱାରୀ ହୋଇ ଓ ଗୃହରେ ପରିଚର୍ଯ୍ୟା କରି ଆମ୍ଭ ପବିତ୍ର ସ୍ଥାନର ପରିଚାରକ ହେବେ; ସେମାନେ ଲୋକମାନଙ୍କ ନିମନ୍ତେ ହୋମବଳି ଓ ପ୍ରାୟଶ୍ଚିତ୍ତାର୍ଥକ ବଳି ବଧ କରିବେ ଓ ଲୋକମାନଙ୍କର ପରିଚର୍ଯ୍ୟା କରିବା ନିମନ୍ତେ ସେମାନଙ୍କ ସମ୍ମୁଖରେ ଠିଆ ହେବେ।
\v 12 କାରଣ ପ୍ରତିମାଗଣର ସାକ୍ଷାତରେ ସେମାନେ ଲୋକମାନଙ୍କର ପରିଚର୍ଯ୍ୟା କଲେ ଓ ଇସ୍ରାଏଲ ବଂଶର ଅଧର୍ମଜନକ ବିଘ୍ନ ସ୍ୱରୂପ ହେଲେ। ଏଥିପାଇଁ ଆମ୍ଭେ ସେମାନଙ୍କ ପ୍ରତିକୂଳରେ ଆପଣା ହସ୍ତ ଉଠାଉଅଛୁ, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି ଓ ସେମାନେ ଆପଣାମାନଙ୍କର ଅଧର୍ମ ବହନ କରିବେ।
\s5
\v 13 ପୁଣି, ସେମାନେ ଆମ୍ଭ ଯାଜକର କର୍ମ ସାଧନ କରିବା ନିମନ୍ତେ ଆମ୍ଭ ନିକଟକୁ ଆସିବେ ନାହିଁ ଅଥବା ସେମାନେ ଆମ୍ଭର ପବିତ୍ର ଦ୍ରବ୍ୟସକଳର ମଧ୍ୟରୁ କୌଣସି ପବିତ୍ର ଦ୍ରବ୍ୟ ନିକଟକୁ, ଅତି ପବିତ୍ର ଦ୍ରବ୍ୟସକଳ ନିକଟକୁ ଆସିବେ ନାହିଁ; ମାତ୍ର ସେମାନେ ଆପଣାମାନଙ୍କର ଅପମାନ ଓ ଆପଣାମାନଙ୍କ କୃତ ଘୃଣାଯୋଗ୍ୟ କ୍ରିୟାର ଭାର ବହନ କରିବେ।
\v 14 ତଥାପି ଗୃହର ସବୁ ସେବାକାର୍ଯ୍ୟ ନିମନ୍ତେ ଓ ତହିଁ ମଧ୍ୟରେ ଯେସକଳ କାର୍ଯ୍ୟ କରାଯିବ, ତହିଁ ନିମନ୍ତେ ଆମ୍ଭେ ସେମାନଙ୍କୁ ଗୃହର ରକ୍ଷଣୀୟ ବିଷୟର ରକ୍ଷକ କରିବା।
\s5
\v 15 ମାତ୍ର ଇସ୍ରାଏଲ ସନ୍ତାନମାନେ ଆମ୍ଭଠାରୁ ବିପଥ-ଗମନ କରିବା ସମୟରେ ସାଦୋକର ସନ୍ତାନ ଯେଉଁ ଲେବୀୟ ଯାଜକଗଣ ଆମ୍ଭ ପବିତ୍ର ସ୍ଥାନର ରକ୍ଷଣୀୟ ରକ୍ଷା କଲେ, ସେମାନେ ଆମ୍ଭ ଉଦ୍ଦେଶ୍ୟରେ ପରିଚର୍ଯ୍ୟା କରିବା ନିମନ୍ତେ ଆମ୍ଭ ନିକଟକୁ ଆସିବେ ଓ ଆମ୍ଭ ଉଦ୍ଦେଶ୍ୟରେ ମେଦ ଓ ରକ୍ତ; ଉତ୍ସର୍ଗ କରିବା ନିମନ୍ତେ ଆମ୍ଭ ସମ୍ମୁଖରେ ଠିଆ ହେବେ, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି;
\v 16 ସେମାନେ ଆମ୍ଭ ପବିତ୍ର ସ୍ଥାନରେ ପ୍ରବେଶ କରିବେ ଓ ଆମ୍ଭ ଉଦ୍ଦେଶ୍ୟରେ ପରିଚର୍ଯ୍ୟା କରିବା ନିମନ୍ତେ ଆମ୍ଭ ମେଜ ନିକଟକୁ ଆସିବେ, ଆଉ ସେମାନେ ଆମ୍ଭର ରକ୍ଷଣୀୟ ରକ୍ଷା କରିବେ।
\s5
\v 17 ପୁଣି, ସେମାନେ ଭିତର ପ୍ରାଙ୍ଗଣର ଦ୍ୱାରରେ ପ୍ରବେଶ କରିବା ସମୟରେ ମସିନାର ବସ୍ତ୍ର ପରିଧାନ କରିବେ, ସେମାନେ ଭିତର ପ୍ରାଙ୍ଗଣର ଦ୍ୱାରରେ ଓ ଭିତରେ ପରିଚର୍ଯ୍ୟା କଲା ବେଳେ କୌଣସି ଲୋମନିର୍ମିତ ବସ୍ତ୍ର ପରିଧାନ କରିବେ ନାହିଁ।
\v 18 ସେମାନଙ୍କ ମସ୍ତକରେ ମସିନା ବସ୍ତ୍ରର ଶିରୋଭୂଷଣ ଓ କଟିଦେଶରେ ମସିନା ଜଙ୍ଘିଆ ଥିବ; ଯଦ୍ଦ୍ୱାରା ଝାଳ ଜାତ ହୁଏ, ଏପରି କୌଣସି ବନ୍ଧନୀରେ ସେମାନେ ଆପଣା କଟି ବାନ୍ଧିବେ ନାହିଁ।
\s5
\v 19 ପୁଣି, ଯେତେବେଳେ ସେମାନେ ବାହାର ପ୍ରାଙ୍ଗଣକୁ, ଅର୍ଥାତ୍‍, ବାହାର ପ୍ରାଙ୍ଗଣରେ ଲୋକମାନଙ୍କ ନିକଟକୁ ଯିବେ, ସେତେବେଳେ ସେମାନେ ଆପଣାମାନଙ୍କ ପରିଚର୍ଯ୍ୟାର୍ଥକ ବସ୍ତ୍ର କାଢ଼ି ପବିତ୍ର କୋଠରିରେ ରଖିବେ ଓ ଆପଣାମାନଙ୍କ ସେହି ବସ୍ତ୍ର ଦ୍ୱାରା ଯେପରି ଲୋକମାନଙ୍କୁ ପବିତ୍ର ନ କରନ୍ତି, ଏଥିପାଇଁ ଅନ୍ୟ ବସ୍ତ୍ର ପରିଧାନ କରିବେ।
\s5
\v 20 ସେମାନେ ଆପଣାମାନଙ୍କର ମସ୍ତକ କ୍ଷୌର କରିବେ ନାହିଁ କିଅବା ଆପଣାମାନଙ୍କର କେଶ ଦୀର୍ଘ ହେବାକୁ ଦେବେ ନାହିଁ; ସେମାନେ କେବଳ କେଶ କର୍ତ୍ତନ କରିବେ।
\v 21 ଭିତର ପ୍ରାଙ୍ଗଣରେ ପ୍ରବେଶ କରିବା ସମୟରେ କୌଣସି ଯାଜକ ଦ୍ରାକ୍ଷାରସ ପାନ କରିବେ ନାହିଁ।
\v 22 ପୁଣି, ସେମାନେ ବିଧବା କିଅବା ପରିତ୍ୟକ୍ତା ସ୍ତ୍ରୀକୁ ବିବାହ କରିବେ ନାହିଁ; ମାତ୍ର ଇସ୍ରାଏଲ ବଂଶଜାତ ଅନୂଢ଼ା ସ୍ତ୍ରୀକୁ ଅଥବା ମୃତ ଯାଜକର ବିଧବାକୁ ବିବାହ କରିବେ।
\s5
\v 23 ପୁଣି, ସେମାନେ ଆମ୍ଭ ଲୋକମାନଙ୍କୁ ପବିତ୍ର ଓ ସାମାନ୍ୟର, ଆଉ, ଅଶୁଚି ଓ ଶୁଚିର ପ୍ରଭେଦ ଶିଖାଇବେ।
\v 24 ଆଉ, ବିବାଦ ଉପସ୍ଥିତ ହେଲେ, ସେମାନେ ବିଚାର କରିବା ପାଇଁ ଠିଆ ହେବେ; ଆମ୍ଭର ସକଳ ଶାସନାନୁସାରେ ସେମାନେ ବିଚାର ନିଷ୍ପନ୍ନ କରିବେ; ପୁଣି, ସେମାନେ ଆମ୍ଭର ନିରୂପିତ ସମସ୍ତ ପର୍ବରେ ଆମ୍ଭର ବ୍ୟବସ୍ଥା ଓ ଆମ୍ଭ ବିଧିସବୁ ପାଳନ କରିବେ ଓ ସେମାନେ ଆମ୍ଭର ବିଶ୍ରାମ ଦିନସକଳ ପବିତ୍ର କରିବେ।
\s5
\v 25 ପୁଣି, ସେମାନେ ଆପଣାମାନଙ୍କୁ ଅଶୁଚି କରିବା ପାଇଁ କୌଣସି ମୃତ ଲୋକର ଶବ ନିକଟକୁ ଆସିବେ ନାହିଁ; ମାତ୍ର ପିତା ଅବା ମାତା ଅବା ପୁତ୍ର ଅବା କନ୍ୟା, ଭ୍ରାତା ଅବା ଅବିବାହିତା ଭଗିନୀ ନିମନ୍ତେ ସେମାନେ ଆପଣାମାନଙ୍କୁ ଅଶୁଚି କରି ପାରିବେ।
\v 26 ଯାଜକ ଶୁଚି ହେଲା ଉତ୍ତାରେ ତାହା ପାଇଁ ସାତ ଦିନ ଗଣିତ ହେବ।
\v 27 ପୁଣି, ପ୍ରଭୁ, ସଦାପ୍ରଭୁ କହନ୍ତି, ଯେଉଁ ଦିନ ସେ ପବିତ୍ର ସ୍ଥାନରେ ପରିଚର୍ଯ୍ୟା କରିବା ପାଇଁ ପବିତ୍ର ସ୍ଥାନର ଭିତର ପ୍ରାଙ୍ଗଣକୁ ଯାଏ, ସେହି ଦିନ ସେ ଆପଣାର ପାପାର୍ଥକ ବଳି ଉତ୍ସର୍ଗ କରିବ।
\s5
\v 28 ଆଉ, ସେମାନେ ଏକ ଉତ୍ତରାଧିକାର ପ୍ରାପ୍ତ ହେବେ; ଆମ୍ଭେ ସେମାନଙ୍କର ଉତ୍ତରାଧିକାର ଓ ତୁମ୍ଭେମାନେ ଇସ୍ରାଏଲ ମଧ୍ୟରେ ସେମାନଙ୍କୁ କୌଣସି ଅଧିକାର ଦେବ ନାହିଁ, ଆମ୍ଭେ ସେମାନଙ୍କର ଅଧିକାର ଅଟୁ।
\v 29 ସେମାନେ ଭକ୍ଷ୍ୟ ନୈବେଦ୍ୟ, ପାପାର୍ଥକ ବଳି ଓ ଦୋଷାର୍ଥକ ବଳି ଭୋଜନ କରିବେ; ଆଉ, ଇସ୍ରାଏଲ ମଧ୍ୟରେ ଯାବତୀୟ ବର୍ଜିତ ଦ୍ରବ୍ୟ ସେମାନଙ୍କର ହେବ।
\s5
\v 30 ପୁଣି, ସବୁ ଦ୍ରବ୍ୟର ପ୍ରଥମ ଫଳର ଅଗ୍ରିମାଂଶ ଓ ତୁମ୍ଭମାନଙ୍କର ଯାବତୀୟ ଉପହାର ମଧ୍ୟରେ ପ୍ରତ୍ୟେକ ଉପହାର ଯାଜକମାନଙ୍କର ହେବ; ମଧ୍ୟ ତୁମ୍ଭେମାନେ ଆପଣା ଆପଣା ଗୃହରେ ଆଶୀର୍ବାଦ ଅବସ୍ଥିତି କରାଇବା ପାଇଁ ଯାଜକକୁ ଆପଣା ଆପଣା ସୁଜିର ଅଗ୍ରିମାଂଶ ଦେବ।
\v 31 ସ୍ୱୟଂମୃତ ଅବା ବିଦୀର୍ଣ୍ଣ କୌଣସି ପକ୍ଷୀ କିମ୍ବା ପଶୁ ଯାଜକମାନେ ଭୋଜନ କରିବେ ନାହିଁ।
\s5
\c 45
\s ଦେଶରେ ସଦାପ୍ରଭୁଙ୍କ ଅଂଶ
\p
\v 1 ଆହୁରି, ଯେଉଁ ସମୟରେ ତୁମ୍ଭେମାନେ ଉତ୍ତରାଧିକାର ନିମନ୍ତେ ଗୁଲିବାଣ୍ଟ ଦ୍ୱାରା ଦେଶ ବିଭାଗ କରିବ, ସେହି ସମୟରେ ଦେଶର ଏକ ପବିତ୍ର ଅଂଶ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉପହାର ରୂପେ ଉତ୍ସର୍ଗ କରିବ; ତହିଁର ଦୀର୍ଘତା ପଚିଶ ହଜାର ଓ ପ୍ରସ୍ଥ ଦଶ ହଜାର ହାତ ହେବ; ତାହା ଚତୁର୍ଦ୍ଦିଗରେ ତହିଁର ସମସ୍ତ ସୀମା ମଧ୍ୟରେ ପବିତ୍ର ହେବ।
\v 2 ତହିଁ ମଧ୍ୟରୁ ପାଞ୍ଚଶହ ନଳ ଦୀର୍ଘ, ପାଞ୍ଚଶହ ଦଣ୍ଡ ପ୍ରସ୍ଥ ସମଚତୁଷ୍କୋଣ ହୋଇ ପବିତ୍ର ସ୍ଥାନ ନିମନ୍ତେ ରହିବ ଓ ଚାରିଆଡ଼େ ପଚାଶ ହାତ ପରିମିତ ତଳଭୂମି ରହିବ।
\s5
\v 3 ଆଉ, ଏହି ପରିମିତ ଅଂଶରୁ ତୁମ୍ଭେ ପଚିଶ ହଜାର ଦଣ୍ଡ ଦୀର୍ଘ ଓ ଦଶ ହଜାର ଦଣ୍ଡ ପ୍ରସ୍ଥ ଭୂମି ମାପିବ; ପୁଣି, ତହିଁ ମଧ୍ୟରେ ଧର୍ମଧାମ, ମହାପବିତ୍ର ସ୍ଥାନ ହେବ।
\v 4 ଦେଶର ଏହି ଅଂଶ ପବିତ୍ର ଅଟେ; ଯେଉଁ ଯାଜକମାନେ, ପବିତ୍ର ସ୍ଥାନର ପରିଚାରକମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପରିଚର୍ଯ୍ୟା କରିବା ପାଇଁ ନିକଟକୁ ଆସନ୍ତି, ଏହି ସ୍ଥାନ ସେମାନଙ୍କର ହେବ ଓ ଏହା ସେମାନଙ୍କ ଗୃହ ନିର୍ମାଣର ସ୍ଥାନ ଓ ଧର୍ମଧାମର ନିମନ୍ତେ ପବିତ୍ର ସ୍ଥାନ ହେବ।
\v 5 ପୁଣି, ପଚିଶ ହଜାର ଦଣ୍ଡ ଦୀର୍ଘ ଓ ଦଶ ହଜାର ଦଣ୍ଡ ପ୍ରସ୍ଥ ଭୂମି କୋଡ଼ିଏ କୋଠରି ସକାଶୁ ଗୃହର ପରିଚାରକ ଲେବୀୟମାନଙ୍କର ଅଧିକାରର୍ଥେ ହେବ।
\s5
\v 6 ଆଉ, ନଗରର ଅଧିକାର ନିମନ୍ତେ ତୁମ୍ଭେମାନେ ପବିତ୍ର ଉପହାରରୂପ ଅଂଶର ପାଖେ ପାଖେ ପାଞ୍ଚ ହଜାର ଦଣ୍ଡ ପ୍ରସ୍ଥ ଓ ପଚିଶହଜାର ଦଣ୍ଡ ଦୀର୍ଘ ଭୂମି ନିରୂପଣ କରିବ; ତାହା ସମୁଦାୟ ଇସ୍ରାଏଲ ବଂଶର ନିମନ୍ତେ ହେବ।
\s ଅଧିପତିର ଅଂଶ
\p
\v 7 ପୁଣି, ଅଧିପତିର ନିମନ୍ତେ ଯାହା ହେବ, ସେ ଭୂମି ପବିତ୍ର ଉପହାର ଓ ନଗର ଅଧିକାର ଭୂମିର ଏପାଖରେ ଓ ସେପାଖରେ ରହିବ, ତାହା ପବିତ୍ର ଉପହାରର ଓ ନଗର ଅଧିକାରର ସମ୍ମୁଖବର୍ତ୍ତୀ ହୋଇ ପଶ୍ଚିମ ପାର୍ଶ୍ୱରେ ପଶ୍ଚିମ ପ୍ରତି ଓ ପୂର୍ବ ପାର୍ଶ୍ୱରେ ପୂର୍ବ ପ୍ରତି ବିସ୍ତୃତ ହେବ; ଆଉ, ତାହା ଦୀର୍ଘତାରେ ପଶ୍ଚିମ ସୀମାଠାରୁ ପୂର୍ବ ସୀମା ପର୍ଯ୍ୟନ୍ତ ଅଂଶମାନର ମଧ୍ୟରୁ ଏକ ଅଂଶର ସମାନ ହେବ।
\s5
\v 8 ଏହା ଦେଶ ମଧ୍ୟରେ ତାହାର, ଅର୍ଥାତ୍‍, ଇସ୍ରାଏଲ ମଧ୍ୟରେ ତାହାର ଅଧିକାରାର୍ଥେ ହେବ; ପୁଣି, ଆମ୍ଭର ଅଧିପତିମାନେ ଆମ୍ଭ ଲୋକମାନଙ୍କ ପ୍ରତି ଆଉ ଉପଦ୍ରବ କରିବେ ନାହିଁ; ମାତ୍ର ଇସ୍ରାଏଲ ବଂଶକୁ ସେମାନଙ୍କର ଗୋଷ୍ଠୀ ଅନୁସାରେ ଦେଶ ଦେବେ।
\s5
\v 9 ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ହେ ଇସ୍ରାଏଲର ଅଧିପତିମାନେ, ତୁମ୍ଭମାନଙ୍କ ନିମନ୍ତେ ଏହା ଯଥେଷ୍ଟ ହେଉ; ତୁମ୍ଭେମାନେ ଦୌରାତ୍ମ୍ୟ ଓ ଧନାପହାର ଦୂର କର, ଆଉ ନ୍ୟାୟ ଓ ଯଥାର୍ଥ ବିଚାର କର; ତୁମ୍ଭେମାନେ ଆମ୍ଭ ଲୋକମାନଙ୍କଠାରୁ ବଳପୂର୍ବକ ଅପହରଣ କରିବାର ଦୂର କର, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।
\v 10 ତୁମ୍ଭେମାନେ ଯଥାର୍ଥ ତରାଜୁ, ଯଥାର୍ଥ ଐଫା ଓ ଯଥାର୍ଥ ବାତ୍‍ ରଖିବ।
\v 11 ବାତ୍‍ ଯେପରି ହୋମରର ଦଶମାଂଶ ହେବ ଓ ଐଫା ହୋମରର ଦଶମାଂଶ ହେବ, ଏଥିପାଇଁ ଐଫା ଓ ବାତ୍‍ର ଏକ ସମାନ ପରିମାଣ ହେବ; ତହିଁର ପରିମାଣ ହୋମର ଅନୁସାରେ ହେବ।
\v 12 ପୁଣି, ଶେକଲ କୋଡ଼ିଏ ଗେରା ହେବ; କୋଡ଼ିଏ ଶେକଲ, ପଚିଶ ଶେକଲ, ପନ୍ଦର ଶେକଲ ତୁମ୍ଭମାନଙ୍କ ନିମନ୍ତେ ଏକ ମୀନା
\f +
\fr 45:12
\ft ପ୍ରାୟ ୬୬୦ ଗ୍ରାମ୍
\f* ହେବ।
\s5
\v 13 ତୁମ୍ଭେମାନେ ଏହି ଉପହାର ଉତ୍ସର୍ଗ କରିବ; ଗହମର ଏକ ହୋମରରୁ ଏକ ଐଫାର ଷଷ୍ଠାଂଶ ଓ ଯବର ଏକ ହୋମରରୁ ଏକ ଐଫାର ଷଷ୍ଠାଂଶ ଦେବ;
\v 14 ପୁଣି, ବାତ୍‍ ସମ୍ବନ୍ଧୀୟ ତୈଳର ନିରୂପିତ ଅଂଶ କୋରରୁ ଏକ ବାତ୍‍ର ଦଶମାଂଶ ହେବ, କୋର ଦଶ ବାତ୍‍, ଅର୍ଥାତ୍‍, ଏକ ହୋମର; କାରଣ ଦଶ ବାତ୍‍ରେ ଏକ ହୋମର ହୁଏ;
\v 15 ଆଉ, ଇସ୍ରାଏଲର ଉତ୍ତମ ଚରାଣୀ ସ୍ଥାନରୁ ପଲର ଦୁଇଶହ ମେଷ ମଧ୍ୟରୁ ଏକ ମେଷ (ନେବ); ତାହା ଲୋକମାନଙ୍କ ନିମନ୍ତେ ପ୍ରାୟଶ୍ଚିତ୍ତ କରିବା ପାଇଁ ଭକ୍ଷ୍ୟ ନୈବେଦ୍ୟ, ହୋମବଳି ଓ ମଙ୍ଗଳାର୍ଥକ ବଳି ହେବ, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।
\s5
\v 16 ଦେଶର ସମସ୍ତ ଲୋକ ଇସ୍ରାଏଲର ଅଧିପତିର ଏହି ଉପହାର ନିମନ୍ତେ ଦେବେ।
\v 17 ପୁଣି, ପର୍ବାଦିରେ, ଅମାବାସ୍ୟାରେ ଓ ବିଶ୍ରାମବାର ସକଳରେ, ଇସ୍ରାଏଲ ବଂଶର ସକଳ ନିରୂପିତ ପର୍ବ ସମୟରେ ହୋମବଳି, ଭକ୍ଷ୍ୟ ନୈବେଦ୍ୟ ଓ ପେୟ ନୈବେଦ୍ୟ ଉତ୍ସର୍ଗ କରିବାର ଅଧିପତିର ବାଣ୍ଟ ହେବ; ସେ ଇସ୍ରାଏଲ ବଂଶ ନିମନ୍ତେ ପ୍ରାୟଶ୍ଚିତ୍ତ କରିବା ପାଇଁ ପାପାର୍ଥକ ବଳି ଓ ଭକ୍ଷ୍ୟ ନୈବେଦ୍ୟ, ହୋମବଳି ଓ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କରିବେ।
\s5
\v 18 ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ପ୍ରଥମ ମାସର ପ୍ରଥମ ଦିନ ତୁମ୍ଭେ ଏକ ନିର୍ଦ୍ଦୋଷ ଗୋବତ୍ସ ନେଇ ପବିତ୍ର ସ୍ଥାନ ଶୁଚି କରିବ।
\v 19 ପୁଣି, ଯାଜକ ପାପାର୍ଥକ ବଳିର ରକ୍ତରୁ କିଛି ନେଇ ଗୃହର ଚୌକାଠମାନର ଉପରେ ଓ ଯଜ୍ଞବେଦି ଥାକର ଚାରି କୋଣର ଉପରେ, ଆଉ ଭିତର ପ୍ରାଙ୍ଗଣର ଦ୍ୱାର ଚୌକାଠର ଉପରେ ଲଗାଇବ।
\v 20 ଆଉ, ଯେ ପ୍ରତ୍ୟେକ ଲୋକ ଭ୍ରାନ୍ତିରେ କୌଣସି କାର୍ଯ୍ୟ କରେ, ତାହାର ପାଇଁ ଓ ଯେଉଁ ଲୋକ ଅସତର୍କ, ତାହାର ପାଇଁ ତୁମ୍ଭେ ମାସର ସପ୍ତମ ଦିନରେ ଏହି ପ୍ରକାର କରିବ; ଏରୂପେ ତୁମ୍ଭେମାନେ ଗୃହ ନିମନ୍ତେ ପ୍ରାୟଶ୍ଚିତ୍ତ କରିବ।
\s5
\v 21 ପ୍ରଥମ ମାସର ଚତୁର୍ଦ୍ଦଶ ଦିନ ତୁମ୍ଭମାନଙ୍କ ନିସ୍ତାର ପର୍ବ ହେବ, ତାହା ସାତ ଦିନର ପର୍ବ ହେବ; ତାଡ଼ିଶୂନ୍ୟ ରୁଟି ଭୋଜନ କରାଯିବ।
\v 22 ପୁଣି, ସେହି ଦିନ ଅଧିପତି ଆପଣା ନିମନ୍ତେ ଓ ଦେଶସ୍ଥ ସକଳ ଲୋକଙ୍କ ନିମନ୍ତେ ପାପାର୍ଥକ ବଳି ରୂପେ ଏକ ବୃଷ ଉତ୍ସର୍ଗ କରିବେ।
\s5
\v 23 ଆଉ, ପର୍ବର ସାତ ଦିନ ପର୍ଯ୍ୟନ୍ତ ସେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମବଳି ଉତ୍ସର୍ଗ କରିବେ, ସାତ ଦିନ ପର୍ଯ୍ୟନ୍ତ ପ୍ରତିଦିନ ନିର୍ଦ୍ଦୋଷ ସାତ ବୃଷ ଓ ସାତ ମେଷ, ଆଉ ପାପାର୍ଥକ ବଳି ରୂପେ ପ୍ରତିଦିନ ଏକ ଛାଗ ଉତ୍ସର୍ଗ କରିବେ।
\v 24 ପୁଣି, ସେ ଏକ ଏକ ବୃଷ ସଙ୍ଗେ ଏକ ଏକ ଐଫା, ଏକ ଏକ ମେଷ ସଙ୍ଗେ ଏକ ଏକ ଐଫା ଓ ପ୍ରତ୍ୟେକ ଐଫା ସଙ୍ଗେ ଏକ ଏକ ହୀନ୍‍ ତୈଳର ଭକ୍ଷ୍ୟ ନୈବେଦ୍ୟ ଉତ୍ସର୍ଗ କରିବେ।
\s5
\v 25 ସପ୍ତମ ମାସର ପଞ୍ଚଦଶ ଦିନ ପର୍ବ ସମୟରେ ସେ ସାତ ଦିନ ପର୍ଯ୍ୟନ୍ତ ଏହିରୂପ, ଅର୍ଥାତ୍‍, ପାପାର୍ଥକ ବଳିର, ହୋମାର୍ଥକ ବଳିର ଓ ଭକ୍ଷ୍ୟ ନୈବେଦ୍ୟର, ଆଉ ତୈଳଦାନର ବିଧି ଅନୁଯାୟୀ ଉତ୍ସର୍ଗ କରିବେ।
\s5
\c 46
\s ପର୍ବରେ ରାଜାଙ୍କ ଦାୟିତ୍ୱ
\p
\v 1 ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ଭିତର ପ୍ରାଙ୍ଗଣର ପୂର୍ବାଭିମୁଖ ଦ୍ୱାର କାର୍ଯ୍ୟ କରିବାର ଛଅ ଦିନସାରା ବନ୍ଦ ରହିବ; ମାତ୍ର ବିଶ୍ରାମ ଦିନ ଖୋଲା ହେବ ଓ ଅମାବାସ୍ୟା ଦିନ ଖୋଲା ହେବ।
\v 2 ପୁଣି, ଅଧିପତି ବାହାର ଦ୍ୱାରର ବାରଣ୍ଡା ପଥ ଦେଇ ପ୍ରବେଶ କରି ଦ୍ୱାର-ଚୌକାଠ ନିକଟରେ ଠିଆ ହେବେ ଓ ଯାଜକମାନେ ତାଙ୍କର ହୋମାର୍ଥକ ଓ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କରିବେ, ଆଉ ସେ ଦ୍ୱାର-ପ୍ରବେଶ ସ୍ଥାନରେ ପ୍ରଣାମ କରିବେ ଓ ତହିଁ ଉତ୍ତାରେ ବାହାରି ଯିବେ; ମାତ୍ର ସନ୍ଧ୍ୟା ପର୍ଯ୍ୟନ୍ତ ଦ୍ୱାର ବନ୍ଦ କରାଯିବ ନାହିଁ।
\s5
\v 3 ଆଉ, ଦେଶର ଲୋକମାନେ ବିଶ୍ରାମବାରରେ ଓ ଅମାବାସ୍ୟାରେ ସେହି ଦ୍ୱାର-ପ୍ରବେଶ ସ୍ଥାନ ନିକଟରେ ଓ ସଦାପ୍ରଭୁଙ୍କ ସମ୍ମୁଖରେ ପ୍ରଣାମ କରିବେ।
\v 4 ପୁଣି, ଅଧିପତି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଯେଉଁ ହୋମବଳି ଉତ୍ସର୍ଗ କରିବେ, ତାହା ବିଶ୍ରାମ ଦିନରେ ନିର୍ଦ୍ଦୋଷ ଛଅଗୋଟି ମେଷଶାବକ ଓ ନିର୍ଦ୍ଦୋଷ ଏକଗୋଟି ମେଷ ହେବ।
\v 5 ଆଉ, ଭକ୍ଷ୍ୟ ନୈବେଦ୍ୟ ରୂପେ ମେଷ ସଙ୍ଗେ ଏକ ଐଫା ଦେବେ ଓ ମେଷଶାବକମାନଙ୍କ ସଙ୍ଗେ ସେ ଆପଣା ଶକ୍ତି ଅନୁସାରେ ଭକ୍ଷ୍ୟ ନୈବେଦ୍ୟ ଦେବେ, ପୁଣି ଏକ ଏକ ଐଫା ପାଇଁ ଏକ ଏକ ହିନ୍‍ ତୈଳ ଦେବେ।
\s5
\v 6 ଆଉ, ଅମାବାସ୍ୟା ଦିନ (ହୋମବଳି ନିମନ୍ତେ) ଏକ ନିର୍ଦ୍ଦୋଷ ଗୋବତ୍ସ ହେବ, ଛଅ ମେଷଶାବକ ଓ ଏକ ମେଷ ହେବ; ଏସବୁ ନିର୍ଦ୍ଦୋଷ ହେବେ;
\v 7 ଆଉ, ସେ ଭକ୍ଷ୍ୟ ନୈବେଦ୍ୟ ରୂପେ ଗୋବତ୍ସ ସଙ୍ଗେ ଏକ ଐଫା, ମେଷ ସଙ୍ଗେ ଏକ ଐଫା ଓ ମେଷଶାବକମାନଙ୍କ ସଙ୍ଗେ ଆପଣା ଶକ୍ତି ଅନୁସାରେ ଦେବେ, ଆଉ ଏକ ଏକ ଐଫା ପାଇଁ ଏକ ଏକ ହିନ୍‍ ତୈଳ ଦେବେ।
\v 8 ପୁଣି, ଅଧିପତି ଯେତେବେଳେ ପ୍ରବେଶ କରିବେ, ସେତେବେଳେ ସେ ଦ୍ୱାର ବାରଣ୍ଡା ପଥ ଦେଇ ଭିତରେ ପ୍ରବେଶ କରିବେ ଓ ସେହି ପଥ ଦେଇ ବାହାରି ଯିବେ।
\s5
\v 9 ମାତ୍ର ନିରୂପିତ ପର୍ବମାନର ସମୟରେ ଯେତେବେଳେ ଦେଶର ଲୋକମାନେ ସଦାପ୍ରଭୁଙ୍କ ଛାମୁକୁ ଆସିବେ, ସେତେବେଳେ ଯେଉଁ ଲୋକ ପ୍ରଣାମ କରିବା ପାଇଁ ଉତ୍ତର ଦ୍ୱାରର ପଥ ଦେଇ ଭିତରକୁ ଆସେ, ସେ ଦକ୍ଷିଣ ଦ୍ୱାରର ପଥ ଦେଇ ବାହାରି ଯିବ ଓ ଯେଉଁ ଲୋକ ଦକ୍ଷିଣ ଦ୍ୱାର ଦେଇ ଭିତରେ ପ୍ରବେଶ କରେ, ସେ ଉତ୍ତର ଦ୍ୱାରର ପଥ ଦେଇ ବାହାରି ଯିବ; ସେ ଯେଉଁ ଦ୍ୱାରର ପଥ ଦେଇ ଭିତରକୁ ଆସିଲା, ସେହି ପଥ ଦେଇ ଫେରିବ ନାହିଁ, ମାତ୍ର ଆପଣା ସମ୍ମୁଖସ୍ଥ ପଥ ଦେଇ ବାହାରି ଯିବ।
\v 10 ପୁଣି, ଲୋକମାନେ ଯେତେବେଳେ ଭିତରକୁ ଯିବେ, ସେତେବେଳେ ଅଧିପତି ସେମାନଙ୍କ ମଧ୍ୟରେ ଥାଇ ଭିତରକୁ ଯିବେ ଓ ବାହାରି ଯିବା ବେଳେ ସେମାନେ ଏକତ୍ର ହୋଇ ବାହାରି ଯିବେ।
\s5
\v 11 ଆଉ, ପର୍ବ ଓ ଉତ୍ସବାଦି ସମୟରେ ଭକ୍ଷ୍ୟ ନୈବେଦ୍ୟ ରୂପେ ଏକ ଗୋବତ୍ସ ସଙ୍ଗେ ଏକ ଐଫା ଓ ଏକ ମେଷ ସଙ୍ଗେ ଏକ ଐଫା, ଆଉ ମେଷଶାବକମାନଙ୍କ ସଙ୍ଗେ ସେ ଆପଣା ଶକ୍ତି ଅନୁସାରେ ଓ ଏକ ଏକ ଐଫା ସଙ୍ଗେ ଏକ ଏକ ହିନ୍‍ ତୈଳ ଦେବେ।
\v 12 ପୁଣି, ଅଧିପତି ଯେତେବେଳେ ସ୍ଵେଚ୍ଛାଦତ୍ତ ଉପହାର, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମବଳି ଅବା ମଙ୍ଗଳାର୍ଥକ ବଳି ସ୍ଵେଚ୍ଛାଦତ୍ତ ଉପହାର ରୂପେ ଉତ୍ସର୍ଗ କରିବେ, ସେତେବେଳେ ତାଙ୍କ ପାଇଁ ପୂର୍ବାଭିମୁଖ ଦ୍ୱାର ଫିଟାଯିବ, ଆଉ ସେ ବିଶ୍ରାମ ଦିନରେ ଯେପରି କରନ୍ତି, ସେହିପରି ଆପଣା ହୋମବଳି ଓ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କରିବେ। ତହୁଁ ସେ ବାହାରି ଯିବେ ଓ ବାହାରି ଗଲା ଉତ୍ତାରେ ଦ୍ୱାର ବନ୍ଦ କରାଯିବ।
\s5
\v 13 ପୁଣି, ତୁମ୍ଭେ ପ୍ରତିଦିନ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମବଳି ନିମନ୍ତେ ଏକ ବର୍ଷୀୟ ନିର୍ଦ୍ଦୋଷ ଏକ ମେଷଶାବକ ଉତ୍ସର୍ଗ କରିବ; ପ୍ରତି ପ୍ରଭାତ ତୁମ୍ଭେ ତାହା ଉତ୍ସର୍ଗ କରିବ।
\v 14 ଆଉ, ତହିଁ ସଙ୍ଗେ ତୁମ୍ଭେ ପ୍ରତି ପ୍ରଭାତ ଭକ୍ଷ୍ୟ ନୈବେଦ୍ୟ ରୂପେ ଏକ ଐଫାର ଷଷ୍ଠାଂଶ ଓ ସରୁ ମଇଦାକୁ ତିନ୍ତାଇବା ପାଇଁ ଏକ ହିନ୍‍ର ତୃତୀୟାଂଶ ତୈଳ ଉତ୍ସର୍ଗ କରିବ; ଏହା ନିତ୍ୟସ୍ଥାୟୀ ବିଧି ଅନୁସାରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଚିରକାଳୀନ ଭକ୍ଷ୍ୟ ନୈବେଦ୍ୟ ଅଟେ।
\v 15 ଏହିରୂପେ ଲୋକମାନେ ନିତ୍ୟ ହୋମବଳି ରୂପେ ପ୍ରତି ପ୍ରଭାତ ମେଷ, ଭକ୍ଷ୍ୟ ନୈବେଦ୍ୟ ଓ ତୈଳ ଉତ୍ସର୍ଗ କରିବେ।
\s5
\v 16 ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି : ଅଧିପତି ଯଦି ଆପଣା ପୁତ୍ରଗଣ ମଧ୍ୟରୁ କାହାକୁ କିଛି ଦାନ କରନ୍ତି, ତେବେ ତାହା ତାଙ୍କ ଉତ୍ତରାଧିକାର, ତାହା ତାଙ୍କ ପୁତ୍ରଗଣର ହେବ; ସେମାନେ ଉତ୍ତରାଧିକାର କ୍ରମେ ତାହା ଭୋଗ କରିବେ।
\v 17 ମାତ୍ର ସେ ଯଦି ଆପଣାର ଦାସମାନଙ୍କ ମଧ୍ୟରୁ ଜଣକୁ ଆପଣା ଉତ୍ତରାଧିକାରରୁ କିଛି ଦାନ କରନ୍ତି, ତେବେ ତାହା ମୁକ୍ତି ବର୍ଷ ପର୍ଯ୍ୟନ୍ତ ତାହାର ହେବ; ତହିଁ ଉତ୍ତାରେ ତାହା ଅଧିପତିଙ୍କର ହେବ; ତାଙ୍କ ଉତ୍ତରାଧିକାରୀତ୍ତ୍ୱ କେବଳ ତାଙ୍କ ପୁତ୍ରଗଣର ହେବ।
\v 18 ଆହୁରି, ଅଧିପତି ଲୋକମାନଙ୍କୁ ସେମାନଙ୍କ ଅଧିକାରରୁ ଚ୍ୟୁତ କରିବା ନିମନ୍ତେ ସେମାନଙ୍କ ଉତ୍ତରାଧିକାର ହରଣ କରିବେ ନାହିଁ; ଆମ୍ଭର ଲୋକମାନେ ଆପଣା ଆପଣା ଅଧିକାରରୁ ଯେପରି ଛିନ୍ନଭିନ୍ନ ହୋଇ ନ ଯା’ନ୍ତି, ଏଥିପାଇଁ ସେ ଆପଣା ଅଧିକାର ମଧ୍ୟରୁ ଆପଣା ପୁତ୍ରମାନଙ୍କୁ ଉତ୍ତରାଧିକାର ଦାନ କରିବେ।
\s5
\v 19 ଏଉତ୍ତାରେ ସେ ଦ୍ୱାର ପାର୍ଶ୍ୱସ୍ଥ ପ୍ରବେଶ ପଥ ଦେଇ ମୋତେ ଯାଜକମାନଙ୍କର ଉତ୍ତରାଭିମୁଖ ପବିତ୍ର କୋଠରି-ଶ୍ରେଣୀକୁ ଆଣିଲେ; ଆଉ ଦେଖ, ସେଠାରେ ପଶ୍ଚିମ ଦିଗର ପଶ୍ଚାତ ଭାଗରେ ଏକ ସ୍ଥାନ ଥିଲା।
\s ମନ୍ଦିର ପାକଶାଳା
\p
\v 20 ପୁଣି, ସେ ମୋତେ କହିଲେ, “ଏହି ସ୍ଥାନରେ ଯାଜକମାନେ ଦୋଷାର୍ଥକ ବଳି, ପାପାର୍ଥକ ବଳି ସିଦ୍ଧ କରିବେ ଓ ଭକ୍ଷ୍ୟ ନୈବେଦ୍ୟ ପାକ କରିବେ; ସେମାନେ ଲୋକମାନଙ୍କୁ ଶୁଚି କରିବା ନିମନ୍ତେ ବାହାର ପ୍ରାଙ୍ଗଣକୁ ତାହାସବୁ ଆଣିବେ ନାହିଁ।”
\s5
\v 21 ଏଉତ୍ତାରେ ସେ ମୋତେ ବାହାର ପ୍ରାଙ୍ଗଣକୁ ଆଣି ସେହି ପ୍ରାଙ୍ଗଣର ଚାରି କୋଣ ଦେଇ ଗମନ କରାଇଲେ; ଆଉ ଦେଖ, ସେହି ପ୍ରାଙ୍ଗଣର ପ୍ରତ୍ୟେକ କୋଣରେ ଗୋଟିଏ ଗୋଟିଏ ପ୍ରାଙ୍ଗଣ ଥିଲା।
\v 22 ପ୍ରାଙ୍ଗଣର ଚାରି କୋଣରେ ଚାଳିଶ ହାତ ଦୀର୍ଘ ଓ ତିରିଶ ହାତ ପ୍ରସ୍ଥ ପ୍ରାଚୀରବେଷ୍ଟିତ ଏକ ଏକ ପ୍ରାଙ୍ଗଣ ଥିଲା; କୋଣମାନର ଏହି ଚାରି ପ୍ରାଙ୍ଗଣର ସମାନ ମାପ ଥିଲା।
\v 23 ପୁଣି, ସେହି ଚାରିର ଭିତରେ ଚାରିଆଡ଼େ ଏକ ଏକ ଧାଡ଼ି ଗାନ୍ଥୁନୀ ଥିଲା, ଆଉ ସେହିସବୁ ଧାଡ଼ିର ତଳେ ଚାରିଆଡ଼େ ପାକ ସ୍ଥାନ ନିର୍ମିତ ହୋଇଥିଲା।
\v 24 ଏଥିରେ ସେ ମୋତେ କହିଲେ, “ସବୁ ପାକ ଗୃହ, ଏସ୍ଥାନରେ ଗୃହର ପରିଚାରକମାନେ ଲୋକମାନଙ୍କ ବଳି ସିଦ୍ଧ କରିବେ।”
\s5
\c 47
\s ମନ୍ଦିରରୁ ନିର୍ଗତ ହେଉଥିବା ଝରଣା
\p
\v 1 ଏଥିଉତ୍ତାରେ ସେ ମୋତେ ଫେରାଇ ଗୃହର ଦ୍ୱାର ନିକଟକୁ ଆଣିଲେ; ଆଉ ଦେଖ, ଗୃହ-ପ୍ରବେଶ ସ୍ଥାନର ତଳରୁ ଜଳ ନିର୍ଗତ ହୋଇ ପୂର୍ବ ଦିଗରେ ବହିଲା, କାରଣ ଗୃହର ଅଗ୍ରଭାଗ ପୂର୍ବାଭିମୁଖ ଥିଲା; ଆଉ, ସେହି ଜଳ ତଳରୁ ଗୃହର ଦକ୍ଷିଣ ପାର୍ଶ୍ୱ ଦେଇ ଯଜ୍ଞବେଦିର ଦକ୍ଷିଣ ଦିଗରେ ବହିଲା।
\v 2 ତେବେ ସେ ମୋତେ ଉତ୍ତର ଦ୍ୱାରର ପଥ ଦେଇ ବାହାର କରାଇ ଆଣିଲେ, ଆଉ ବାହାର ପଥ ଦେଇ ବୁଲାଇ ପୂର୍ବାଭିମୁଖ ଦ୍ୱାରର ପଥ ଦେଇ ବାହାର ଦ୍ୱାରକୁ ନେଇ ଗଲେ; ଆଉ ଦେଖ, ସେହି ସ୍ଥାନରେ ଦକ୍ଷିଣ ପାର୍ଶ୍ୱରେ ଜଳ ବହୁଥିଲା।
\s5
\v 3 ସେହି ବ୍ୟକ୍ତି ଯେତେବେଳେ ପରିମାପକ ରଜ୍ଜୁ ଆପଣା ହସ୍ତରେ ଧରି ପୂର୍ବଆଡ଼େ ବାହାରିଲେ, ସେତେବେଳେ ସେ ଏକ ହଜାର ହାତ ମାପିଲେ, ପୁଣି, ମୋତେ ଜଳ ମଧ୍ୟ ଦେଇ ଗମନ କରାଇଲେ, ଜଳ ବଳାଗଣ୍ଠି ପର୍ଯ୍ୟନ୍ତ ହେଲା।
\v 4 ପୁନର୍ବାର ସେ ଏକ ହଜାର ହାତ ମାପିଲେ ଓ ମୋତେ ଜଳ ମଧ୍ୟ ଦେଇ ଗମନ କରାଇଲେ, ଜଳ ଆଣ୍ଠୁ ପର୍ଯ୍ୟନ୍ତ ହେଲା। ପୁନର୍ବାର ସେ ଏକ ହଜାର ହାତ ମାପିଲେ, ଜଳ ମଧ୍ୟ ଦେଇ ମୋତେ ଗମନ କରାଇଲେ, ଜଳ କଟି ପର୍ଯ୍ୟନ୍ତ ହେଲା।
\v 5 ତହିଁ ଉତ୍ତାରେ ସେ ଏକ ହଜାର ହାତ ମାପିଲେ; ସେତେବେଳେ ତାହା ଗୋଟିଏ ନଦୀ ହେଲା, ମୁଁ ତହିଁ ମଧ୍ୟ ଦେଇ ଗମନ କରି ପାରିଲି ନାହିଁ, କାରଣ ଜଳ ବଢ଼ି ଉଠିଥିଲା, ତାହା ପହଁରିବା ଭଳି ଜଳ, ପାର ହେବାକୁ ଅଗମ୍ୟ ନଦୀ ହୋଇଥିଲା।
\s5
\v 6 ପୁଣି, ସେ ମୋତେ କହିଲେ, “ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ କି ଏହା ଦେଖିଲ ?” ତହିଁରେ ସେ ମୋତେ ଫେରାଇ ନଦୀତୀରକୁ ଆଣିଲେ।
\v 7 ମୁଁ ଫେରି ଆସିଲା ବେଳେ ଦେଖ, ନଦୀତୀରର ଏପାଖରେ ଓ ସେପାଖରେ ଅନେକ ଅନେକ ବୃକ୍ଷ ଥିଲା।
\v 8 ତହିଁରେ ସେ ମୋତେ କହିଲେ, “ଏହି ଜଳସବୁ ପୂର୍ବ ଅଞ୍ଚଳ ଆଡ଼େ ବହୁଅଛି ଓ ତାହା ଗଡ଼ି ଆରବ୍ବାକୁ ଯିବ; ଆଉ, ତାହା ସମୁଦ୍ର ଆଡ଼କୁ ଯିବ; ଯେଉଁ ଜଳସବୁ ନିର୍ଗତ ହେଲା, ତାହାସବୁ ସମୁଦ୍ରରେ ପ୍ରବେଶ କରିବ; ତହୁଁ ସେ ଜଳ ଉତ୍ତମ ହେବ।
\s5
\v 9 ପୁଣି, ଏହି ନଦୀସବୁ ଯେସକଳ ସ୍ଥାନ ଦେଇ ବହିବ, ସେସ୍ଥାନସ୍ଥିତ ବହୁସଂଖ୍ୟକ ଜୀବଜନ୍ତୁ ସବୁ ବଞ୍ଚିବେ ଓ ସେହି ସ୍ଥାନରେ ଅପାର ମତ୍ସ୍ୟ ହେବେ; କାରଣ ଏହିସବୁ ଜଳ ସେସ୍ଥାନକୁ ଆସିଅଛି ଓ ସମୁଦ୍ରର ଜଳ ଉତ୍ତମ ହେବ, ଆଉ ଯେକୌଣସି ସ୍ଥାନ ଦେଇ ଏହି ନଦୀ ବହେ, ସେସ୍ଥାନର ସକଳ ହିଁ ସଞ୍ଜୀବିତ ହେବେ।
\v 10 ଆଉ, ତହିଁ ନିକଟରେ ମତ୍ସ୍ୟଧାରୀମାନେ ଠିଆ ହେବେ; ଐନଗଦୀଠାରୁ ଐନଇଗ୍ଳଇମ୍‍ ପର୍ଯ୍ୟନ୍ତ ଜାଲ ପ୍ରସାରିବାର ସ୍ଥାନ ହେବ ଓ ମତ୍ସ୍ୟସବୁ ସ୍ୱ ସ୍ୱ ଜାତି ଅନୁସାରେ ମହାସମୁଦ୍ରର ମତ୍ସ୍ୟନ୍ୟାୟ ସଂଖ୍ୟାରେ ଅତିଶୟ ହେବେ।
\s5
\v 11 ମାତ୍ର ତହିଁର ପଙ୍କ ସ୍ଥାନ ଓ ଝିଲ ଭୂମିସକଳ ଉତ୍ତମ ହେବ ନାହିଁ; ସେହି ସବୁ ଲବଣ ପାଇଁ ସମର୍ପିତ ହେବ।
\v 12 ଆଉ, ନଦୀ ନିକଟରେ ତହିଁର ତୀର ଉପରେ, ଏପାଖରେ ଓ ସେପାଖରେ ସର୍ବପ୍ରକାର ଭୋଜନାର୍ଥ ଫଳବୃକ୍ଷ ହେବ, ତହିଁର ପତ୍ର ମଳିନ ହେବ ନାହିଁ, କିଅବା ତହିଁର ଫଳର ଅଭାବ ହେବ ନାହିଁ; ସେହି ଜଳସବୁ ପବିତ୍ର ସ୍ଥାନରୁ ନିର୍ଗତ ହେବା ସକାଶୁ ବୃକ୍ଷ ପ୍ରତି ମାସ ନୂତନ ଫଳ ଫଳିବ ଓ ତହିଁର ଫଳ ଆହାରାର୍ଥେ ଓ ତହିଁର ପତ୍ର ଆରୋଗ୍ୟାର୍ଥେ ହେବ।
\s ଜମିର ବିଭାଗ
\p
\s5
\v 13 ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି : ତୁମ୍ଭେମାନେ ଇସ୍ରାଏଲ ବଂଶର ଦ୍ୱାଦଶ ଗୋଷ୍ଠୀର ଅନୁସାରେ ଉତ୍ତରାଧିକାର ନିମନ୍ତେ ଯେଉଁ ଦେଶ ବିଭାଗ କରିବ, ତାହାର ସୀମା ଏହି; ଯୋଷେଫ ଏକରୁ ଅଧିକ ଅଂଶ ପାଇବ।
\v 14 ଆଉ, ତୁମ୍ଭମାନଙ୍କର ଏକ ଯେପରି, ଅନ୍ୟ ସେହିପରି, ତାହା ଉତ୍ତରାଧିକାର ରୂପେ ପାଇବ; ତଦ୍‍ବିଷୟରେ ତୁମ୍ଭମାନଙ୍କର ପିତୃପୁରୁଷମାନଙ୍କୁ ତାହା ଦେବା ପାଇଁ ଆମ୍ଭେ ଆପଣା ହସ୍ତ ଉଠାଇଲୁ ଓ ଏହି ଦେଶ ଉତ୍ତରାଧିକାର ନିମନ୍ତେ ତୁମ୍ଭମାନଙ୍କର ହେବ।
\s5
\v 15 ପୁଣି, ଦେଶର ସୀମା ଏହି ହେବ; ଉତ୍ତର ଦିଗରେ, ହିତ୍‍ଲୋନ ପଥ ନିକଟସ୍ଥ ମହାସମୁଦ୍ରଠାରୁ ସଦାଦ୍‍ର ପ୍ରବେଶ ସ୍ଥାନ ପର୍ଯ୍ୟନ୍ତ;
\v 16 ହମାତ୍‍, ବରୋଥା, ଦମ୍ମେଶକର ଓ ହମାତ୍‍ର ସୀମାର ମଧ୍ୟସ୍ଥିତ ସିବ୍ରୟିମ; ହୌରଣର ସୀମା ନିକଟସ୍ଥ ହତ୍‍ତ୍ସରହତ୍ତୀକୋନ୍‍।
\v 17 ପୁଣି, ସମୁଦ୍ରଠାରୁ ସୀମା ଦମ୍ମେଶକ ସୀମା ନିକଟସ୍ଥ ହତ୍‍ସର-ଐନନ୍‍ ହେବ, ଆଉ ଉତ୍ତର ଦିଗରେ ଉତ୍ତରରେ ହମାତ୍‍ର ସୀମା। ଏହା ଉତ୍ତର ସୀମା।
\s5
\v 18 ଆଉ, ପୂର୍ବ ଦିଗରେ ହୌରଣ, ଦମ୍ମେଶକ ଓ ଗିଲୀୟଦ, ଆଉ ଇସ୍ରାଏଲ ଦେଶର ମଧ୍ୟବର୍ତ୍ତୀ ଯର୍ଦ୍ଦନ ହେବ; ତୁମ୍ଭେମାନେ ଉତ୍ତର ସୀମାରୁ ପୂର୍ବ ସମୁଦ୍ର ପର୍ଯ୍ୟନ୍ତ ମାପିବ। ଏହା ପୂର୍ବ ସୀମା।
\v 19 ଆଉ, ଦକ୍ଷିଣ ଦିଗରେ ଦକ୍ଷିଣ ସୀମା ତାମରଠାରୁ ମରୀବତ୍‍-କାଦେଶସ୍ଥ ଜଳ, ମିସରର ସ୍ରୋତୋମାର୍ଗ ଓ ମହାସମୁଦ୍ର ପର୍ଯ୍ୟନ୍ତ ହେବ। ଏହା ଦକ୍ଷିଣ ଦିଗର ଦକ୍ଷିଣ ସୀମା।
\v 20 ପୁଣି, ଦକ୍ଷିଣ ସୀମାଠାରୁ ହମାତ୍‍ର ସମ୍ମୁଖ ସ୍ଥାନ ପର୍ଯ୍ୟନ୍ତ ମହାସମୁଦ୍ର ପଶ୍ଚିମ ସୀମା ହେବ। ଏହା ପଶ୍ଚିମ ସୀମା।
\s5
\v 21 ଏହିରୂପେ ତୁମ୍ଭେମାନେ ଇସ୍ରାଏଲର ଗୋଷ୍ଠୀ ଅନୁସାରେ ଆପଣାମାନଙ୍କ ମଧ୍ୟରେ ଏହି ଦେଶ ବିଭାଗ କରିବ।
\v 22 ପୁଣି, ତୁମ୍ଭେମାନେ ଆପଣାମାନଙ୍କର ଓ ଯେଉଁ ବିଦେଶୀ ଲୋକମାନେ ତୁମ୍ଭମାନଙ୍କ ମଧ୍ୟରେ ପ୍ରବାସ କରନ୍ତି ଓ ତୁମ୍ଭମାନଙ୍କ ମଧ୍ୟରେ ସନ୍ତାନସନ୍ତତି ଉତ୍ପନ୍ନ କରିବେ, ସେମାନଙ୍କର ଉତ୍ତରାଧିକାର ନିମନ୍ତେ ଗୁଲିବାଣ୍ଟ ଦ୍ୱାରା ଦେଶ ବିଭାଗ କରିବ; ଆଉ, ସେମାନେ ତୁମ୍ଭମାନଙ୍କ ପ୍ରତି ଇସ୍ରାଏଲ ସନ୍ତାନଗଣର ମଧ୍ୟରେ ଗୃହଜାତ ସନ୍ତାନଗଣର ତୁଲ୍ୟ ହେବେ; ସେମାନେ ତୁମ୍ଭମାନଙ୍କର ସହିତ ଇସ୍ରାଏଲର ଗୋଷ୍ଠୀଗଣ ମଧ୍ୟରେ ଉତ୍ତରାଧିକାର ପ୍ରାପ୍ତ ହେବେ।
\v 23 ଆଉ, ବିଦେଶୀୟ ଲୋକ ଯେଉଁ ଗୋଷ୍ଠୀ ମଧ୍ୟରେ ପ୍ରବାସ କରେ, ସେହି ସ୍ଥାନରେ ତୁମ୍ଭେମାନେ ତାହାକୁ ଅଧିକାର ଦେବ,” ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।
\s5
\c 48
\p
\v 1 ଗୋଷ୍ଠୀବର୍ଗଙ୍କର ଏହି ଏହି ନାମ : ହମାତ୍‍ର ପ୍ରବେଶ-ସ୍ଥାନକୁ ଯିବାର ହିତ୍‍ଲୋନର ପଥ ନିକଟସ୍ଥ ଉତ୍ତର ପ୍ରାନ୍ତ ସୀମାଠାରୁ ଦମ୍ମେଶକର ସୀମା ନିକଟସ୍ଥ ହତ୍‍ସର-ଐନନ୍‍, ହମାତ୍‍ ପାର୍ଶ୍ୱସ୍ଥ ଉତ୍ତର ଦିଗ ପର୍ଯ୍ୟନ୍ତ; ଆଉ, ତହିଁର ପୂର୍ବ ଓ ପଶ୍ଚିମ ସୀମା ହେବ; ଦାନ୍, ଏକ ଅଂଶ।
\v 2 ଆଉ, ଦାନ୍‍ର ସୀମା ନିକଟରେ ପୂର୍ବଠାରୁ ପଶ୍ଚିମ ସୀମା ପର୍ଯ୍ୟନ୍ତ; ଆଶେର, ଏକ ଅଂଶ।
\v 3 ପୁଣି, ଆଶେରର ସୀମା ନିକଟରେ ପୂର୍ବଠାରୁ ପଶ୍ଚିମ ସୀମା ପର୍ଯ୍ୟନ୍ତ; ନପ୍ତାଲି, ଏକ ଅଂଶ
\s5
\v 4 ଓ ନପ୍ତାଲିର ସୀମା ନିକଟରେ ପୂର୍ବଠାରୁ ପଶ୍ଚିମ ସୀମା ପର୍ଯ୍ୟନ୍ତ; ମନଃଶି, ଏକ ଅଂଶ।
\v 5 ଆଉ, ମନଃଶିର ସୀମା ନିକଟରେ ପୂର୍ବଠାରୁ ପଶ୍ଚିମ ସୀମା ପର୍ଯ୍ୟନ୍ତ; ଇଫ୍ରୟିମ, ଏକ ଅଂଶ।
\v 6 ଇଫ୍ରୟିମର ସୀମା ନିକଟରେ ପୂର୍ବଠାରୁ ପଶ୍ଚିମ ସୀମା ପର୍ଯ୍ୟନ୍ତ; ରୁବେନ୍‍, ଏକ ଅଂଶ।
\v 7 ଆଉ, ରୁବେନ୍‍ର ସୀମା ନିକଟରେ ପୂର୍ବଠାରୁ ପଶ୍ଚିମ ସୀମା ପର୍ଯ୍ୟନ୍ତ; ଯିହୁଦା, ଏକ ଅଂଶ।
\s5
\v 8 ପୁଣି, ଯିହୁଦାର ସୀମା ନିକଟରେ ପୂର୍ବଠାରୁ ପଶ୍ଚିମ ସୀମା ପର୍ଯ୍ୟନ୍ତ ତୁମ୍ଭମାନଙ୍କର ଦତ୍ତ ଉପହାର ଭୂମି ରହିବ, ତାହା ପ୍ରସ୍ଥରେ ପଚିଶ ହଜାର ଦଣ୍ଡ ଓ ପୂର୍ବଠାରୁ ପଶ୍ଚିମ ସୀମା ପର୍ଯ୍ୟନ୍ତ ଦୀର୍ଘତାରେ ଅନ୍ୟାନ୍ୟ ଅଂଶର ସମାନ ହେବ; ପୁଣି, ତହିଁର ମଧ୍ୟସ୍ଥାନରେ ଧର୍ମଧାମ ହେବ।
\v 9 ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଯେଉଁ ଉପହାର ଭୂମି ନିବେଦନ କରିବ, ତାହା ଦୀର୍ଘରେ ପଚିଶ ହଜାର ଓ ପ୍ରସ୍ଥରେ ଦଶ ହଜାର ନଳ ହେବ।
\s5
\v 10 ସେହି ପବିତ୍ର ଉପହାର ଭୂମି ଏମାନଙ୍କ ପାଇଁ, ଅର୍ଥାତ୍‍, ଯାଜକମାନଙ୍କ ପାଇଁ ହେବ; ତାହା ଉତ୍ତର ଆଡ଼େ ପଚିଶ ହଜାର ନଳ ଦୀର୍ଘ ଓ ପଶ୍ଚିମ ଆଡ଼େ ଦଶ ହଜାର ନଳ ପ୍ରସ୍ଥ, ପୂର୍ବ ଆଡ଼େ ଦଶ ହଜାର ନଳ ପ୍ରସ୍ଥ ଓ ଦକ୍ଷିଣ ଆଡ଼େ ପଚିଶ ହଜାର ନଳ ଦୀର୍ଘ ହେବ; ତହିଁର ମଧ୍ୟସ୍ଥାନରେ ସଦାପ୍ରଭୁଙ୍କର ଧର୍ମଧାମ ହେବ।
\v 11 ତାହା ସାଦୋକର ସନ୍ତାନଗଣ ମଧ୍ୟରୁ ପବିତ୍ରୀକୃତ ଯାଜକମାନଙ୍କ ନିମନ୍ତେ ହେବ, ସେମାନେ ଆମ୍ଭର ରକ୍ଷଣୀୟ ରକ୍ଷା କରିଅଛନ୍ତି; ଇସ୍ରାଏଲର ସନ୍ତାନଗଣ ବିପଥଗାମୀ ହେବା ସମୟରେ ଲେବୀୟମାନେ ଯେପରି ବିପଥଗାମୀ ହେଲେ, ସେମାନେ ସେହିପରି ବିପଥଗାମୀ ହେଲେ ନାହିଁ।
\v 12 ଲେବୀୟମାନଙ୍କ ସୀମା ନିକଟସ୍ଥ ଦେଶର ଉପହାର ଭୂମିରୁ ସେମାନେ ଉପହାର ଭୂମି ପାଇବେ, ତାହା ମହାପବିତ୍ର ହେବ।
\s5
\v 13 ଆଉ, ଯାଜକମାନଙ୍କର ସୀମାନୁସାରେ, ଲେବୀୟମାନେ ପଚିଶ ହଜାର ନଳ ଦୀର୍ଘ ଓ ଦଶ ହଜାର ନଳ ପ୍ରସ୍ଥ ଭୂମି ପାଇବେ; ସମୁଦାୟ ଭୂମିର ଦୀର୍ଘତା ପଚିଶ ହଜାର ଓ ପ୍ରସ୍ଥ ଦଶ ହଜାର ନଳ ହେବ।
\v 14 ପୁଣି, ସେମାନେ ସେହି ଭୂମିରୁ କିଛି ବିକ୍ରୟ କରିବେ ନାହିଁ; କିଅବା ତାହା ପରିବର୍ତ୍ତନ କରିବେ ନାହିଁ, ଅଥବା ଦେଶର ପ୍ରଥମଜାତ ଫଳ ହସ୍ତାନ୍ତରିତ ହେବ ନାହିଁ; କାରଣ ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ଅଟେ।
\s5
\v 15 ଆଉ, ପଚିଶ ହଜାର ନଳ ଭୂମିର ସମ୍ମୁଖରେ ପ୍ରସ୍ଥ ପରିମାଣରେ ଯେଉଁ ପାଞ୍ଚ ହଜାର ନଳ ଅବଶିଷ୍ଟ ରହେ, ତାହା ସାଧାରଣ ବ୍ୟବହାର, ନଗର, ବସତି-ସ୍ଥାନ ଓ ତଳଭୂମି ନିମନ୍ତେ ରହିବ ଓ ନଗର ତହିଁ ମଧ୍ୟସ୍ଥାନରେ ହେବ।
\v 16 ପୁଣି, ତହିଁର ପରିମାଣ ଏହିରୂପ ହେବ; ଉତ୍ତର ସୀମା ଚାରି ହଜାର ପାଞ୍ଚଶହ ନଳ, ଦକ୍ଷିଣ ସୀମା ଚାରି ହଜାର ପାଞ୍ଚଶହ, ପୂର୍ବ ସୀମା ଚାରି ହଜାର ପାଞ୍ଚଶହ ଓ ପଶ୍ଚିମ ସୀମା ଚାରି ହଜାର ପାଞ୍ଚଶହ ନଳ ହେବ।
\s5
\v 17 ଆଉ, ନଗରର ତଳଭୂମି ରହିବ; ଉତ୍ତର ଆଡ଼େ ଦୁଇଶହ ପଚାଶ ନଳ, ଦକ୍ଷିଣ ଆଡ଼େ ଦୁଇଶହ ପଚାଶ, ପୂର୍ବ ଆଡ଼େ ଦୁଇଶହ ପଚାଶ ଓ ପଶ୍ଚିମ ଆଡ଼େ ଦୁଇଶହ ପଚାଶ ନଳ ଭୂମି ରହିବ।
\v 18 ପୁଣି, ପବିତ୍ର ଉପହାର ଭୂମି ଦୀର୍ଘତାନୁସାରେ ଯେଉଁ ଅବଶିଷ୍ଟ ଭୂମି, ତାହା ପୂର୍ବ ପ୍ରତି ଦଶ ହଜାର; ପଶ୍ଚିମ ପ୍ରତି ଦଶ ହଜାର ନଳ ହେବ ଓ ତାହା ପବିତ୍ର ଉପହାର ଭୂମିର ସମ୍ମୁଖବର୍ତ୍ତୀ ହେବ ଓ ତଦ୍ୟୁତ୍ପନ୍ନ ଦ୍ରବ୍ୟ ନଗରର ପରିଶ୍ରମକାରୀମାନଙ୍କ ଭକ୍ଷ୍ୟ ନିମନ୍ତେ ହେବ।
\s5
\v 19 ଆଉ, ଇସ୍ରାଏଲର ଯାବତୀୟ ଗୋଷ୍ଠୀ ମଧ୍ୟରୁ ନଗରରେ ଶ୍ରମକାରୀମାନେ ତାହା କୃଷି କରିବେ।
\v 20 ସମୁଦାୟ ଉପହାର ଭୂମି ପଚିଶ ହଜାର ନଳ ଦୀର୍ଘ ଓ ପଚିଶ ହଜାର ନଳ ପ୍ରସ୍ଥ ହେବ; ତୁମ୍ଭେମାନେ ନଗର ଅଧିକାର ସହିତ ଚତୁଃଷ୍କୋଣ ପବିତ୍ର ଉପହାର ଭୂମି ନିବେଦନ କରିବ।
\s5
\v 21 ପୁଣି, ପବିତ୍ର ଉପହାର ଭୂମିର ଓ ନଗର ଅଧିକାରର ଏପାଖରେ ଓ ସେପାଖରେ ଅବଶିଷ୍ଟ ଭୂମି ଅଧିପତିଙ୍କର ହେବ; ଅର୍ଥାତ୍‍, ଅନ୍ୟାନ୍ୟ ଅଂଶର ଅନୁସାରେ ପୂର୍ବ ସୀମା ଆଡ଼େ ପଚିଶ ହଜାର ନଳ ପରିମିତ ଉପହାର ଭୂମିର ସମ୍ମୁଖସ୍ଥ ଭୂମି ଓ ପଶ୍ଚିମ ଦିଗରେ ପଶ୍ଚିମ ଆଡ଼େ ପଚିଶ ହଜାର ନଳ ପରିମିତ ଭୂମିର ସମ୍ମୁଖସ୍ଥ ଭୂମି ଅଧିପତିଙ୍କର ହେବ; ଆଉ, ପବିତ୍ର ଉପହାର ଭୂମି ଓ ଗୃହର ପବିତ୍ର ସ୍ଥାନ ତହିଁର ମଧ୍ୟସ୍ଥିତ ହେବ।
\v 22 ଆହୁରି, ଅଧିପତିଙ୍କ ଅଂଶ ମଧ୍ୟସ୍ଥିତ ଲେବୀୟମାନଙ୍କ ଅଧିକାରର ସୀମା ଓ ନଗର ଅଧିକାରର ସୀମାଠାରୁ (ଯେଉଁ ଭୂମି) ଯିହୁଦା ଓ ବିନ୍ୟାମୀନ୍‍ର ସୀମାର ମଧ୍ୟବର୍ତ୍ତୀ ଅଛି, ତାହା ଅଧିପତିଙ୍କ ପାଇଁ ହେବ।
\s5
\v 23 ଅବଶିଷ୍ଟ ଗୋଷ୍ଠୀମାନଙ୍କ ବିଷୟ : ପୂର୍ବ ସୀମାରୁ ପଶ୍ଚିମ ସୀମା ପର୍ଯ୍ୟନ୍ତ; ବିନ୍ୟାମୀନ୍‍ର ଏକ ଅଂଶ।
\v 24 ବିନ୍ୟାମୀନ୍‍ର ସୀମା ନିକଟସ୍ଥ ପୂର୍ବ ସୀମାରୁ ପଶ୍ଚିମ ସୀମା ପର୍ଯ୍ୟନ୍ତ; ଶିମୀୟୋନର ଏକ ଅଂଶ
\v 25 ପୁଣି, ଶିମୀୟୋନର ସୀମା ନିକଟସ୍ଥ ପୂର୍ବ ସୀମାରୁ ପଶ୍ଚିମ ସୀମା ପର୍ଯ୍ୟନ୍ତ; ଇଷାଖରର ଏକ ଅଂଶ।
\v 26 ଆଉ, ଇଷାଖରର ସୀମା ନିକଟସ୍ଥ ପୂର୍ବ ସୀମାରୁ ପଶ୍ଚିମ ସୀମା ପର୍ଯ୍ୟନ୍ତ; ସବୂଲୂନର ଏକ ଅଂଶ।
\s5
\v 27 ସବୂଲୂନର ସୀମା ନିକଟସ୍ଥ ପୂର୍ବ ସୀମାରୁ ପଶ୍ଚିମ ସୀମା ପର୍ଯ୍ୟନ୍ତ; ଗାଦ୍‍ର ଏକ ଅଂଶ।
\v 28 ପୁଣି, ଗାଦ୍‍ର ସୀମା ନିକଟସ୍ଥ ଦକ୍ଷିଣ ଆଡ଼େ ଦକ୍ଷିଣ ସୀମା ନିକଟରେ ତାମରଠାରୁ ମରୀବତ୍‍-କାଦେଶସ୍ଥ ଜଳ ପର୍ଯ୍ୟନ୍ତ, ଅର୍ଥାତ୍‍, ମିସରର ନଦୀ ଓ ମହାସମୁଦ୍ର ପର୍ଯ୍ୟନ୍ତ (ଦେଶର) ସୀମା ହେବ।
\v 29 ତୁମ୍ଭେମାନେ ଇସ୍ରାଏଲ ଗୋଷ୍ଠୀଗଣର ଉତ୍ତରାଧିକାର ନିମନ୍ତେ ଯେଉଁ ଦେଶ ଗୁଲିବାଣ୍ଟ ଦ୍ୱାରା ବିଭାଗ କରିବ, ତାହା ଏହି ଓ ଏହିସବୁ ସେମାନଙ୍କର ଭିନ୍ନ ଭିନ୍ନ ଅଂଶ ହେବ, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।
\s ନଗରର ଦ୍ୱାର
\p
\s5
\v 30 ଆଉ, ଏହିସବୁ ନଗରର ନିର୍ଗମନ ସ୍ଥାନ ହେବ; ଉତ୍ତର ଆଡ଼େ ଚାରି ହଜାର ପାଞ୍ଚଶହ ଦଣ୍ଡ ପରିମିତ ଭୂମି
\v 31 ଓ ନଗରର ଦ୍ୱାରସକଳ ଇସ୍ରାଏଲ ଗୋଷ୍ଠୀଗଣର ନାମାନୁସାରେ ହେବ; ଉତ୍ତର ଆଡ଼େ ତିନି ଦ୍ୱାର ହେବ; ଅର୍ଥାତ୍‍, ରୁବେନ୍‍ର ଏକ ଦ୍ୱାର; ଯିହୁଦାର ଏକ ଦ୍ୱାର; ଲେବୀର ଏକ ଦ୍ୱାର;
\v 32 ପୁଣି, ପୂର୍ବ ଆଡ଼େ ଚାରି ହଜାର ପାଞ୍ଚଶହ ଦଣ୍ଡ ଭୂମି ଓ ତିନି ଦ୍ୱାର ହେବ; ଅର୍ଥାତ୍‍, ଯୋଷେଫର ଏକ ଦ୍ୱାର, ବିନ୍ୟାମୀନ୍‍ର ଏକ ଦ୍ୱାର, ଦାନ୍‍ର ଏକ ଦ୍ୱାର;
\s5
\v 33 ଆଉ, ଦକ୍ଷିଣ ଆଡ଼େ ଚାରି ହଜାର ପାଞ୍ଚଶହ ଦଣ୍ଡ ପରିମିତ ଭୂମି ଓ ତିନି ଦ୍ୱାର ହେବ; ଶିମୀୟୋନର ଏକ ଦ୍ୱାର; ଇଷାଖରର ଏକ ଦ୍ୱାର; ସବୂଲୂନର ଏକ ଦ୍ୱାର;
\v 34 ପଶ୍ଚିମ ଆଡ଼େ ଚାରି ହଜାର ପାଞ୍ଚଶହ ଦଣ୍ଡ ଭୂମି ଓ ତିନି ଦ୍ୱାର ହେବ; ଗାଦ୍‍ର ଏକ ଦ୍ୱାର; ଆଶେରର ଏକ ଦ୍ୱାର; ନପ୍ତାଲିର ଏକ ଦ୍ୱାର ହେବ।
\v 35 ଚତୁର୍ଦ୍ଦିଗ ଅଠର ହଜାର ଦଣ୍ଡ ପରିମିତ ହେବ, ଆଉ “ସଦାପ୍ରଭୁ ତହିଁ ବିଦ୍ୟମାନ,”
\f +
\fr 48:35
\fq ସଦାପ୍ରଭୁ ତହିଁ ବିଦ୍ୟମାନ,”
\ft କିମ୍ବା ସଦାପ୍ରଭୁ ଶାମ୍ମା
\f* ସେହି ଦିନଠାରୁ ନଗରର ଏହି ନାମ ହେବ।