or_ulb/34-NAM.usfm

114 lines
18 KiB
Plaintext

\id NAM - Odia Old Version Revision
\ide UTF-8
\rem Copyright Information: Creative Commons Attribution-ShareAlike 4.0 License
\h ନାହୂମ
\toc1 ନାହୂମ ଭବିଷ୍ୟଦ୍‍ବକ୍ତାଙ୍କ ପୁସ୍ତକ
\toc2 ନାହୂମ
\toc3 nam
\mt1 ନାହୂମ ଭବିଷ୍ୟଦ୍‍ବକ୍ତାଙ୍କ ପୁସ୍ତକ
\s5
\c 1
\p
\v 1 ନୀନିବୀ
\f +
\fr 1:1
\fq ନୀନିବୀ
\ft ନୀନିବୀ ସହର ଅଶୂରୀୟ ସାମ୍ରାଜ୍ୟର ରାଜଧାନୀ ଥିଲା।
\f* ବିଷୟକ ବାର୍ତ୍ତା। ଇଲକୋଶୀୟ
\f +
\fr 1:1
\fq ଇଲକୋଶୀୟ
\ft ଇଲକୋଶ ଏକ ଗ୍ରାମ
\f* ନାହୂମଙ୍କର ଦର୍ଶନ ପୁସ୍ତକ।
\s ନୀନିବୀ ପ୍ରତି ପରମେଶ୍ୱରଙ୍କ କ୍ରୋଧ
\p
\s5
\v 2 ସଦାପ୍ରଭୁ (ସ୍ୱଗୌରବ ରକ୍ଷଣେ) ଉଦ୍‍ଯୋଗୀ ପରମେଶ୍ୱର ଓ ପ୍ରତିଫଳଦାତା ଅଟନ୍ତି; ସଦାପ୍ରଭୁ ପ୍ରତିଫଳଦାତା ଓ କ୍ରୋଧପୂର୍ଣ୍ଣ ଅଟନ୍ତି; ସଦାପ୍ରଭୁ ଆପଣା ବିପକ୍ଷଗଣକୁ ପ୍ରତିଫଳ ଦିଅନ୍ତି ଓ ଆପଣା ଶତ୍ରୁଗଣ ନିମନ୍ତେ କୋପ ସଞ୍ଚୟ କରନ୍ତି।
\v 3 ସଦାପ୍ରଭୁ କ୍ରୋଧରେ ଧୀର ଓ ପରାକ୍ରମରେ ମହାନ୍ ଓ କୌଣସି ପ୍ରକାରେ ଦୋଷୀକୁ ନିର୍ଦ୍ଦୋଷ କରିବେ ନାହିଁ; ଘୂର୍ଣ୍ଣିବାୟୁ ଓ ତୋଫାନ ମଧ୍ୟରେ ସଦାପ୍ରଭୁଙ୍କର ପଥ ଅଛି ଓ ମେଘମାଳ ତାହାଙ୍କର ପାଦଧୂଳି।
\s5
\v 4 ସେ ସମୁଦ୍ରକୁ ଧମକାଇ ଶୁଷ୍କ କରନ୍ତି ଓ ନଦ-ନଦୀସକଳ ନିର୍ଜଳ କରନ୍ତି; ବାଶନ ଅଞ୍ଚଳ ଓ କର୍ମିଲ ପର୍ବତ ମ୍ଳାନ ହୁଏ ଓ ଲିବାନୋନର ପୁଷ୍ପ ମ୍ଳାନ ହୁଏ।
\v 5 ତାହାଙ୍କ ଆଗରେ ପର୍ବତଗଣ କମ୍ପିତ ହୁଅନ୍ତି ଓ ଉପପର୍ବତସବୁ ତରଳି ଯା’ନ୍ତି; ଆଉ, ତାହାଙ୍କ ସାକ୍ଷାତରେ ପୃଥିବୀ କମ୍ପିତ ହୁଏ, ହଁ ଜଗତ ଓ ତନ୍ନିବାସୀ ସମସ୍ତେ କମ୍ପିତ ହୁଅନ୍ତି।
\s5
\v 6 ତାହାଙ୍କ କ୍ରୋଧ ସମ୍ମୁଖରେ କିଏ ଠିଆ ହୋଇପାରେ ? ଓ ତାହାଙ୍କ କ୍ରୋଧର ପ୍ରଚଣ୍ଡତାରେ କିଏ ରହିପାରେ ? ତାହାଙ୍କ କୋପ ଅଗ୍ନି ତୁଲ୍ୟ ଢଳାଯାଏ ଓ ତାହାଙ୍କ ଦ୍ୱାରା ଶୈଳସବୁ ବିଦୀର୍ଣ୍ଣ ହୁଏ।
\s5
\v 7 ସଦାପ୍ରଭୁ ମଙ୍ଗଳମୟ ଓ ସଙ୍କଟ ଦିନରେ ଦୃଢ଼ ଦୁର୍ଗ ଅଟନ୍ତି; ଆଉ, ଯେଉଁମାନେ ତାହାଙ୍କଠାରେ ନିର୍ଭର କରନ୍ତି; ସେମାନଙ୍କୁ ସେ ଜାଣନ୍ତି।
\v 8 ମାତ୍ର ସେ ପ୍ଳାବନକାରୀ ବନ୍ୟା ଦ୍ୱାରା ସେହି ସ୍ଥାନ ନିଃଶେଷ ରୂପେ ସଂହାର କରିବେ ଓ ଆପଣା ଶତ୍ରୁଗଣକୁ ଅନ୍ଧକାରକୁ ତଡ଼ି ଦେବେ।
\s5
\v 9 ତୁମ୍ଭେମାନେ ସଦାପ୍ରଭୁଙ୍କ ପ୍ରତିକୂଳରେ କି କଳ୍ପନା କରୁଅଛ ? ସେ ନିଃଶେଷ ରୂପେ ସଂହାର କରିବେ; ଦ୍ୱିତୀୟ ଥର କ୍ଳେଶ ଉପସ୍ଥିତ ହେବ ନାହିଁ।
\v 10 କାରଣ ସେମାନେ ଜଡ଼ିତ କଣ୍ଟକର ନ୍ୟାୟ ଓ ମଦ୍ୟପାନରେ ତିନ୍ତିବା ପରି ହେଲେ ହେଁ ଶୁଷ୍କ ନଡ଼ା ତୁଲ୍ୟ ନିଃଶେଷ ରୂପେ ଗ୍ରାସିତ ହେବେ।
\v 11 ସଦାପ୍ରଭୁଙ୍କ ବିରୁଦ୍ଧରେ ଯେ କୁସଂକଳ୍ପ କରେ, ଯେ ଦୁଷ୍କ୍ରିୟା କରିବାକୁ ପରାମର୍ଶ ଦିଏ, ଏପରି ଏକ ଜଣ ତୁମ୍ଭ ମଧ୍ୟରୁ ବାହାର ହୋଇ ଯାଇଅଛି।
\s5
\v 12 ସଦାପ୍ରଭୁ ଏହି କଥା କହନ୍ତି; ସେମାନେ ସମ୍ପୂର୍ଣ୍ଣ ଶକ୍ତିବିଶିଷ୍ଟ ଓ ବହୁସଂଖ୍ୟକ ହେଲେ ହେଁ ସେହିପରି କଟାଯିବେ ଓ ସେମାନେ ବୋହି ଚାଲିଯିବେ। ଯଦ୍ୟପି ଆମ୍ଭେ ତୁମ୍ଭକୁ କ୍ଳେଶ ଦେଇଅଛୁ, ତଥାପି ଆମ୍ଭେ ତୁମ୍ଭକୁ ଆଉ କ୍ଳେଶ ଦେବା ନାହିଁ।
\v 13 ପୁଣି, ଏବେ ଆମ୍ଭେ ତୁମ୍ଭ ସ୍କନ୍ଧରୁ ତାହାର ଯୁଆଳି ଭାଙ୍ଗି ପକାଇବା ଓ ତୁମ୍ଭର ବନ୍ଧନସବୁ ଛିଣ୍ଡାଇ ଦେବା।
\s5
\v 14 ପୁଣି, ସଦାପ୍ରଭୁ ତୁମ୍ଭ ବିଷୟରେ ଏହି ଆଜ୍ଞା କରିଅଛନ୍ତି ଯେ, ତୁମ୍ଭ ନାମରୂପ ବୀଜ ଆଉ ବୁଣା ନୋହିବ; ତୁମ୍ଭ ଦେବାଳୟରେ ଆମ୍ଭେ ଖୋଦିତ ପ୍ରତିମା ଓ ଛାଞ୍ଚରେ ଢଳା ପ୍ରତିମା ଉଚ୍ଛିନ୍ନ କରିବା; ଆମ୍ଭେ ତୁମ୍ଭର କବର ପ୍ରସ୍ତୁତ କରିବା; କାରଣ ତୁମ୍ଭେ ପାପାଧମ ଅଟ।
\s5
\v 15 ଯେ ସୁସମାଚାର ଆଣେ ଓ ଶାନ୍ତି ପ୍ରଚାର କରେ, ପର୍ବତଗଣର ଉପରେ ତାହାର ଚରଣ ଦେଖ ! ହେ ଯିହୁଦା, ତୁମ୍ଭେ ଆପଣା ଉତ୍ସବସକଳ ପାଳନ କର ଓ ଆପଣା ମାନତସବୁ ପୂର୍ଣ୍ଣ କର; କାରଣ ସେହି ଦୁଷ୍ଟ
\f +
\fr 1:15
\fq ଦୁଷ୍ଟ
\ft ଏବ୍ରୀ ଭାଷାରେ ବେଲିଆଲ୍
\f* ତୁମ୍ଭ ମଧ୍ୟରେ ଆଉ ଗତାୟାତ କରିବେ ନାହିଁ; ଯେହେତୁ ସେମାନେ ସମ୍ପୂର୍ଣ୍ଣ ରୂପେ ଉଚ୍ଛିନ୍ନ ହୋଇଅଛନ୍ତି।
\s5
\c 2
\s ନୀନିବୀର ପତନ
\p
\v 1 ଯେଉଁ ଲୋକ କଚାଡ଼ି ଖଣ୍ଡ ଖଣ୍ଡ କରେ, ସେ ତୁମ୍ଭ (ନୀନିବୀ) ସମ୍ମୁଖରେ ଉପସ୍ଥିତ ହୋଇଅଛି; ଦୁର୍ଗ ରକ୍ଷା କର, ପଥ ନିରୀକ୍ଷଣ କର, ଆପଣା କଟି ଦୃଢ଼ କର, ଆପଣାକୁ ଅତିଶୟ ବଳବାନ କର।
\v 2 କାରଣ ସଦାପ୍ରଭୁ ଇସ୍ରାଏଲର ଗୌରବ ସଦୃଶ୍ୟ ଯାକୁବର ଗୌରବ ପୁନର୍ବାର ଆଣୁଅଛନ୍ତି; ଯେହେତୁ ଶତ୍ରୁମାନେ ସେମାନଙ୍କୁ ଧ୍ୱଂସ କରିଅଛନ୍ତି; ଓ ସେମାନଙ୍କର ଦ୍ରାକ୍ଷାଲତାସବୁ ନଷ୍ଟ କରିଅଛନ୍ତି।
\s5
\v 3 ତାହାର ବୀରଗଣର ଢାଲ ରକ୍ତୀକୃତ, ବିକ୍ରମୀଗଣ ସିନ୍ଦୂର ବର୍ଣ୍ଣ ବସ୍ତ୍ର ପରିହିତ; ତାହାର ଆୟୋଜନ ଦିନରେ ରଥସକଳ ଲୌହରେ ଚକ୍‍ଚକ୍‍ ଓ ବର୍ଚ୍ଛାସକଳ ଭୟାନକ ରୂପେ ଚାଳିତ ହୁଅଇ।
\v 4 ରାଜଦାଣ୍ଡସକଳରେ ରଥସବୁ ବ୍ୟଗ୍ରରେ ଗମନାଗମନ କରେ, ପ୍ରଶସ୍ତ ଛକମାନରେ ସେହିସବୁର ଧକ୍କା ଏକଆରେକର ଉପରେ ଲାଗେ; ସେସବୁର ଦୃଶ୍ୟ ମଶାଲ ତୁଲ୍ୟ, ସେମାନେ ବିଜୁଳି ପରି ଦୌଡ଼ନ୍ତି।
\s5
\v 5 ସେ ଆପଣା ପ୍ରତାପାନ୍ୱିତ ଲୋକମାନଙ୍କୁ ସ୍ମରଣ କରେ; ସେମାନେ ଗମନ କରୁ କରୁ ଝୁଣ୍ଟି ପଡ଼ନ୍ତି; ସେମାନେ ତହିଁର ପ୍ରାଚୀର ଆଡ଼କୁ ଦୌଡ଼ାଦୌଡ଼ି କରନ୍ତି ଓ ଅବରୋଧ ଯନ୍ତ୍ର ସ୍ଥାପିତ ହୋଇଅଛି।
\s5
\v 6 ନଦୀର ଦ୍ୱାରସବୁ ମୁକ୍ତ ହୋଇଅଛି ଓ ରାଜଗୃହ ମିଳେଇ ଯାଇଅଛି।
\v 7 ପୁଣି, ରାଣୀ ବିବସ୍ତ୍ରା ହୋଇଅଛି, ସେ ଦୂରକୁ ନୀତା ହୋଇଅଛି, ତାହାର ଦାସୀଗଣ ବକ୍ଷରେ ହାତ ମାରି କପୋତ ସ୍ୱର ପରି ଶୋକ କରୁଅଛନ୍ତି।
\s5
\v 8 ମାତ୍ର ନୀନିବୀ ପୂର୍ବ କାଳଠାରୁ ଜଳବିଶିଷ୍ଟ ଏକ ପୁଷ୍କରିଣୀ ସ୍ୱରୂପା ହୋଇଅଛି; ତଥାପି ସେମାନେ ସମସ୍ତେ ପଳାୟନ କରନ୍ତି; ଠିଆ ହୁଅ, ଠିଆ ହୁଅ କହିଲେ ମଧ୍ୟ କେହି ପଛକୁ ଅନାନ୍ତି ନାହିଁ।
\v 9 ତୁମ୍ଭେମାନେ ରୂପା ଲୁଣ୍ଠନ କର, ସୁନା ଲୁଣ୍ଠନ କର, କାରଣ ସବୁ ପ୍ରକାର ମନୋହର ସାମଗ୍ରୀର ଐଶ୍ୱର୍ଯ୍ୟ ସ୍ୱରୂପ ଭଣ୍ଡାରର ସୀମା ନାହିଁ।
\v 10 ସେ (ନିନିବୀ) ଖାଲି ଓ ଶୂନ୍ୟ ଓ ଉଜାଡ଼ ହୋଇଅଛି; ଅନ୍ତଃକରଣ ତରଳି ଯାଉଅଛି ଓ ଆଣ୍ଠୁରେ ଆଣ୍ଠୁ ବାଜୁଅଛି, ସମସ୍ତ କଟିରେ ବେଦନା ଅଛି ଓ ସେହି ସମସ୍ତଙ୍କର ମୁଖ ମଳିନ ହୋଇଅଛି।
\s5
\v 11 ସିଂହମାନଙ୍କର ଗର୍ତ୍ତ, ଯେଉଁ ସ୍ଥାନରେ ସିଂହ ଓ ସିଂହୀ ଓ ସିଂହଶାବକ ଭ୍ରମଣ କଲେ ଓ କେହି ସେମାନଙ୍କୁ ଭୟ ଦେଖାଇଲା ନାହିଁ, ଏପରି ଯୁବା ସିଂହଗଣର ଖାଇବା ସ୍ଥାନ କାହିଁ ?
\v 12 ସିଂହ ଆପଣା ଶାବକଗଣ ନିମନ୍ତେ ଯଥେଷ୍ଟ ପଶୁ ବିଦୀର୍ଣ୍ଣ କରିଅଛି ଓ ଆପଣା ସିଂହୀଗଣ ନିମନ୍ତେ ଅନେକଙ୍କ ଗଳା ଚିପି ମାରିଅଛି, ଆଉ ଆପଣା ଗହ୍ୱର ମୃଗୟାରେ ଓ ଗର୍ତ୍ତ ବିଦୀର୍ଣ୍ଣ ପଶୁରେ ପୂର୍ଣ୍ଣ କରିଅଛି।
\s5
\v 13 ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ ତୁମ୍ଭର ପ୍ରତିକୂଳ ଅଟୁ, ଆମ୍ଭେ ତାହାର ରଥସବୁ ଦଗ୍ଧ କରି ଧୂଆଁରେ ଲୀନ କରିବା ଓ ଖଡ୍ଗ ତୁମ୍ଭର ଯୁବା ସିଂହଗଣକୁ ଗ୍ରାସ କରିବ; ପୁଣି, ଆମ୍ଭେ ପୃଥିବୀରୁ ତୁମ୍ଭର ମୃଗୟା ଉଚ୍ଛିନ୍ନ କରିବା ଓ ତୁମ୍ଭ ଦୂତଗଣର ରବ ଆଉ ଶୁଣାଯିବ ନାହିଁ।
\s5
\c 3
\s ନୀନିବୀ ସନ୍ତାପର ପାତ୍ର
\p
\v 1 ସେହି ରକ୍ତପାତୀ ନଗର ସନ୍ତାପର ପାତ୍ର ! ତାହା ମିଥ୍ୟା ଓ ଦୌରାତ୍ମ୍ୟରେ ପରିପୂର୍ଣ୍ଣ, ସେ ଲୁଣ୍ଠନ କରିବା ଛାଡେ ନାହିଁ।
\v 2 କୋରଡ଼ାର ଶବ୍ଦ, ଚକ୍ରସମୂହର ଘର ଘର ଶବ୍ଦ; ନାଚିବା ଅଶ୍ୱଗଣ ଓ କୁଦିବା ରଥ;
\s5
\v 3 ଅଶ୍ୱାରୋହୀ ଆରୋହଣ କରିବାର, ଆଉ ଚକ୍‍ଚକ୍ ଖଡ୍ଗ ଓ ଝଲମଲ ବର୍ଚ୍ଛା; ପୁଣି, ଅପାର ହତ ଲୋକ ଓ ଶବର ଏକ ମହାଢିପି; ଆଉ, ଶବ ସଂଖ୍ୟାର ସୀମା ନାହିଁ; ସେମାନଙ୍କ ଶବ ଉପରେ ଲୋକେ ଝୁଣ୍ଟି ପଡ଼ନ୍ତି;
\v 4 ପରମସୁନ୍ଦରୀ ମାୟାବିନୀ ଯେଉଁ ବେଶ୍ୟା, ସେ ନାନା ଦେଶୀୟମାନଙ୍କୁ ଆପଣା ବେଶ୍ୟାବୃତ୍ତି ଦ୍ୱାରା ଓ ଗୋଷ୍ଠୀଗଣକୁ ଆପଣା ଗୁଣି ବିଦ୍ୟା ଦ୍ୱାରା ବିକ୍ରୟ କରେ, କାରଣ ତାହାର ବେଶ୍ୟା ଆଚରଣ ଅବର୍ଣ୍ଣନୀୟ।
\s5
\v 5 ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ ତୁମ୍ଭର ପ୍ରତିକୂଳ ଅଟୁ ଓ ଆମ୍ଭେ ତୁମ୍ଭ ବସ୍ତ୍ରର ଅଞ୍ଚଳ ଟେକି ତୁମ୍ଭ ମୁଖ ଉପରେ ଥୋଇବା, ଆଉ ଆମ୍ଭେ ଗୋଷ୍ଠୀବର୍ଗକୁ ତୁମ୍ଭର ଉଲଙ୍ଗତା ଓ ରାଜ୍ୟସମୂହକୁ ତୁମ୍ଭର ଲଜ୍ଜା ଦେଖାଇବା।
\v 6 ପୁଣି, ଆମ୍ଭେ ତୁମ୍ଭ ଉପରେ ଘୃଣାଜନକ ମଳ ନିକ୍ଷେପ କରିବା ଓ ତୁମ୍ଭକୁ ମର୍ଯ୍ୟାଦାରହିତ କରିବା ଓ ଦୃଶ୍ୟରେ ଉପହାସର ବିଷୟ କରିବା।
\v 7 ପୁଣି, ଯେଉଁମାନେ ତୁମ୍ଭ ପ୍ରତି ଅନାଇବେ, ସେମାନେ ସମସ୍ତେ ତୁମ୍ଭ ନିକଟରୁ ପଳାଇବେ, ଆଉ କହିବେ, ନୀନିବୀ ଧ୍ଵଂସ ହୋଇଅଛି; ତାହା ବିଷୟରେ କିଏ ବିଳାପ କରିବ ? ଆମ୍ଭେ ତୁମ୍ଭ ପାଇଁ ସାନ୍ତ୍ୱନାକାରୀଗଣ କେଉଁଠାରେ ଖୋଜିବା ?
\s5
\v 8 ଯେଉଁ ନଦୀଗଣ ମଧ୍ୟରେ ଅବସ୍ଥିତା ଓ ଚତୁର୍ଦ୍ଦିଗରେ ଜଳବେଷ୍ଟିତା ଥିଲା; ସମୁଦ୍ର ଯାହାର ଗଡ଼ର ଖାଇ ଓ ପ୍ରାଚୀର ଥିଲା, ଏପରି ନୋ-ଆମୋନଠାରୁ
\f +
\fr 3:8
\fq ନୋ-ଆମୋନଠାରୁ
\ft ଅର୍ଥାତ୍ ମିସର ଦେଶର ରାଜଧାନୀ
\f* ତୁମ୍ଭେ କି ଶ୍ରେଷ୍ଠ ?
\v 9 କୂଶ ଓ ମିସର ତାହାର ବଳ ସ୍ୱରୂପ ଥିଲେ ଓ ତାହା ଅସୀମ ଥିଲା; ପୂଟ୍‍ ଓ ଲୂବୀୟମାନେ ତାହାର ସହକାରୀ ଥିଲେ।
\s5
\v 10 ତଥାପି ସେ ନିର୍ବାସିତା ହେଲା, ସେ ବନ୍ଦୀତ୍ୱ ସ୍ଥାନକୁ ଗଲା; ତାହାର ଶିଶୁଗଣ ମଧ୍ୟ ସମସ୍ତ ପଥ ମୁଣ୍ଡରେ କଚଡ଼ା ଯାଇ ଖଣ୍ଡ ଖଣ୍ଡ ହେଲେ; ଲୋକମାନେ ତାହାର ମାନ୍ୟ ପୁରୁଷମାନଙ୍କ ନିମନ୍ତେ ଗୁଲିବାଣ୍ଟ କଲେ, ଆଉ ତାହାର ବଡ଼ ଲୋକ ସମସ୍ତେ ଶିକୁଳିରେ ବନ୍ଧା ହେଲେ।
\v 11 ତୁମ୍ଭେ ମଧ୍ୟ ମତ୍ତ ହେବ, ତୁମ୍ଭେ ଲୁଚା ଯିବ; ଆହୁରି ତୁମ୍ଭେ ଶତ୍ରୁ ସକାଶୁ ଦୃଢ଼ ଗଡ଼ ଅନ୍ୱେଷଣ କରିବ।
\s5
\v 12 ତୁମ୍ଭର ଦୁର୍ଗସବୁ ଆଦ୍ୟ ପକ୍ୱ ଫଳବିଶିଷ୍ଟ ଡିମ୍ବିରି ବୃକ୍ଷମାନର ତୁଲ୍ୟ ହେବେ; ସେହିସବୁ ହଲା ଗଲେ ଫଳ ଭକ୍ଷକର ମୁଖରେ ପଡ଼ିବ।
\v 13 ଦେଖ, ତୁମ୍ଭର ମଧ୍ୟସ୍ଥିତ ଲୋକମାନେ ସ୍ତ୍ରୀଲୋକ ପରି ଅଟନ୍ତି; ତୁମ୍ଭ ଦେଶର ନଗର-ଦ୍ୱାରସକଳ ତୁମ୍ଭ ଶତ୍ରୁଗଣ ପାଇଁ ମେଲା ହୋଇ ରଖା ଯାଇଅଛି; ଅଗ୍ନି ତୁମ୍ଭର ଅର୍ଗଳସବୁ ଗ୍ରାସ କରିଅଛି।
\s5
\v 14 ଅବରୋଧର ସମୟ ନିମନ୍ତେ ଜଳ କାଢ଼ି ଆଣ, ତୁମ୍ଭର ଦୁର୍ଗସବୁ ଦୃଢ଼ କର; କାଦୁଅକୁ ଯାଇ ମାଟି ଚକଟ, ଇଟା ଭାଟି ଦୃଢ଼ କର।
\v 15 ସେଠାରେ ଅଗ୍ନି ତୁମ୍ଭକୁ ଗ୍ରାସ କରିବ; ଖଡ୍ଗ ତୁମ୍ଭକୁ ଛେଦନ କରିବ, ତାହା ପତଙ୍ଗର ନ୍ୟାୟ ତୁମ୍ଭକୁ ଗ୍ରାସ କରିବ; ତୁମ୍ଭେ ପତଙ୍ଗର ନ୍ୟାୟ ଆପଣାକୁ ବହୁସଂଖ୍ୟକ କର, ପଙ୍ଗପାଳ ପରି ଆପଣାକୁ ବହୁସଂଖ୍ୟକ କର।
\s5
\v 16 ତୁମ୍ଭେ ଆକାଶର ତାରାଗଣ ଅପେକ୍ଷା ଆପଣା ବଣିକଗଣର ସଂଖ୍ୟା ବୃଦ୍ଧି କରିଅଛ; ପତଙ୍ଗ ନଷ୍ଟ କରି ଉଡ଼ିଯାଏ।
\v 17 ତୁମ୍ଭର ମୁକୁଟଧାରୀମାନେ ପଙ୍ଗପାଳ ପରି ଓ ତୁମ୍ଭର ପ୍ରଧାନ ସେନାପତିମାନେ ଫଡ଼ିଙ୍ଗର ଦଳ ପରି, ସେ ଫଡ଼ିଙ୍ଗମାନେ ଶୀତ ଦିନରେ ବାଡ଼ରେ ରହନ୍ତି, ମାତ୍ର ସୂର୍ଯ୍ୟ ଉଦୟ ହେଲେ ଉଡ଼ି ପଳାନ୍ତି, ଆଉ ସେମାନେ କେଉଁଠାରେ ଥା’ନ୍ତି, ତାହା ଜଣାଯାଏ ନାହିଁ।
\s5
\v 18 ହେ ଅଶୂରର ରାଜା, ତୁମ୍ଭର ପଲରକ୍ଷକମାନେ ଘୁମାଉଅଛନ୍ତି; ତୁମ୍ଭର ପ୍ରତାପାନ୍ୱିତ ଲୋକମାନେ ବିଶ୍ରାମ କରୁଅଛନ୍ତି; ତୁମ୍ଭର ଲୋକମାନେ ପର୍ବତଗଣ ଉପରେ ଛିନ୍ନଭିନ୍ନ ହୋଇଅଛନ୍ତି। ଆଉ, ସେମାନଙ୍କୁ ସଂଗ୍ରହ କରିବାକୁ କେହି ନାହିଁ।
\v 19 ତୁମ୍ଭ ଆଘାତର ଉପଶମ ନାହିଁ; ତୁମ୍ଭର କ୍ଷତ ବ୍ୟଥାଜନକ; ଯେଉଁମାନେ ତୁମ୍ଭ ବିଷୟକ ସମ୍ବାଦ ଶୁଣନ୍ତି, ସେମାନେ ସମସ୍ତେ ତୁମ୍ଭ ପ୍ରତି ହାତତାଳି ଦିଅନ୍ତି; କାରଣ ତୁମ୍ଭର ଦୁଷ୍ଟତା କାହା ଉପରେ ଅବିରତ ବର୍ତ୍ତି ନାହିଁ ?