or_ulb/64-2JN.usfm

36 lines
4.9 KiB
Plaintext
Raw Permalink Blame History

This file contains ambiguous Unicode characters

This file contains Unicode characters that might be confused with other characters. If you think that this is intentional, you can safely ignore this warning. Use the Escape button to reveal them.

\id 2JN
\ide UTF-8
\sts - Odia Old Version Revision
\rem Copyright Information Creative Commons Attribution ShareAlike 4.0 License
\h ଯୋହନ
\toc1 ଯୋହନଙ୍କ ଦ୍ୱିତୀୟ ପତ୍ର
\toc2 ଯୋହନ
\toc3 2jn
\mt1 ଯୋହନଙ୍କ ଦ୍ୱିତୀୟ ପତ୍ର
\s5
\c 1
\s ଅଭିବାଦନ
\p
\v 1 ପ୍ରାଚୀନ ଯେ ମୁଁ, ମୁଁ ମନୋନୀତା ମହିଳା ଓ ତାହାଙ୍କ ସନ୍ତାନମାନଙ୍କ ନିକଟକୁ ପତ୍ର ଲେଖୁଅଛି । ସେମାନଙ୍କୁ ମୁଁ ବାସ୍ତବରେ ପ୍ରେମ କରେ, ଆଉ କେବଳ ମୁଁ ନୁହେଁ, ମାତ୍ର ସତ୍ୟ ଜାଣିଥିବା ସମସ୍ତ ଲୋକ ମଧ୍ୟ ପ୍ରେମ କରନ୍ତି ।
\v 2 ଯେଉଁ ସତ୍ୟ ଆମ୍ଭମାନଙ୍କ ଅନ୍ତରରେ ରହିଅଛି ଅନନ୍ତକାଳ ଆମ୍ଭମାନଙ୍କ ସହିତ ରହିବ, ସେହି ସତ୍ୟ ସକାଶେ ସେମାନଙ୍କୁ ପ୍ରେମ କରୁଅଛୁ ।
\v 3 ପିତା ଈଶ୍ୱର ଓ ସେହି ପିତାଙ୍କ ପୁତ୍ର ଯୀଶୁ ଖ୍ରୀଷ୍ଟଙ୍କଠାରୁ ଅନୁଗ୍ରହ, ଦୟା ଓ ଶାନ୍ତି ଆମ୍ଭମାନଙ୍କ ସହିତ ସତ୍ୟ ଓ ପ୍ରେମରେ ରହିବ ।
\s ସତ୍ୟ ଓ ପ୍ରେମରେ ଆଚରଣ
\p
\s5
\v 4 ତୁମ୍ଭର ସନ୍ତାନମାନଙ୍କ ମଧ୍ୟରୁ କେତେକଙ୍କୁ ପିତାଙ୍କଠାରୁ ପ୍ରାପ୍ତ ଆଜ୍ଞାନୁଯାୟୀ ସତ୍ୟରେ ଆଚରଣ କରୁଥିବା ଦେଖି ମୁଁ ବିଶେଷ ଆନନ୍ଦିତ ।
\v 5 ହେ ଭଦ୍ରେ, ଏବେ ମୁଁ ଯେ ତୁମ୍ଭ ନିକଟକୁ କୌଣସି ନୂଆ ଆଜ୍ଞା ଲେଖୁଅଛି, ତାହା ନୁହେଁ, ମାତ୍ର ଆଦ୍ୟରୁ ପ୍ରାପ୍ତ ଆଜ୍ଞାଟି ଲେଖି ଅନୁରୋଧ କରୁଅଛି ଯେ, ଆମ୍ଭେମାନେ ପରସ୍ପରକୁ ପ୍ରେମ କରୁ ।
\v 6 ଆଉ ଆମ୍ଭେମାନେ ଯେ ତାହାଙ୍କ ଆଜ୍ଞାନୁସାରେ ଆଚରଣ କରୁ, ଏହା ହିଁ ପ୍ରେମର ସାର। ତୁମ୍ଭେମାନେ ଆଦ୍ୟରୁ ଯାହା ଶୁଣିଅଛ, ସେହି ଅନୁସାରେ ଆଚରଣ କର, ଏହା ସେହି ଆଜ୍ଞା ।
\s5
\v 7 କାରଣ ଯେଉଁମାନେ ଯୀଶୁ ଖ୍ରୀଷ୍ଟ ଦେହବନ୍ତ ହୋଇ ଅବତୀର୍ଣ୍ଣ ହୋଇଅଛନ୍ତି ବୋଲି ଅସ୍ୱୀକାର କରନ୍ତି, ଏପରି ଅନେକ ପ୍ରବଞ୍ଚକ ଜଗତରେ ବାହାରି ଆସିଅଛନ୍ତି । ଏହି ପ୍ରକାର ଲୋକ ସେହି ପ୍ରବଞ୍ଚକ ଓ ଭଣ୍ଡଖ୍ରୀଷ୍ଟ ।
\v 8 ତୁମ୍ଭେମାନେ ଯେପରି ଆମ୍ଭମାନଙ୍କର କୃତ କର୍ମର ଫଳ ନ ହରାଇ ବରଂ ସେଥିର ପୂର୍ଣ୍ଣ ପୁରସ୍କାର ପ୍ରାପ୍ତ ହୁଅ, ସେଥିନିମନ୍ତେ ଆପଣା ଆପଣା ବିଷୟରେ ସାବଧାନ ହୁଅ ।
\s5
\v 9 ଯେ କେହି ଖ୍ରୀଷ୍ଟଙ୍କ ଶିକ୍ଷାର ସୀମା ମଧ୍ୟରେ ନ ରହି ତାହା ଅତିକ୍ରମ କରେ, ସେ ଈଶ୍ୱରଙ୍କୁ ପାଇ ନାହିଁ; ଯେ ଶିକ୍ଷାର ସୀମା ମଧ୍ୟରେ ରହେ, ସେ ପିତା ଓ ପୁତ୍ର ଉଭୟଙ୍କୁ ପାଇଅଛି ।
\v 10 କେହି ଯଦି ଏହି ଶିକ୍ଷା ନ ଘେନି ତୁମ୍ଭମାନଙ୍କ ନିକଟକୁ ଆସେ, ତେବେ ତାହାକୁ ଗୃହରେ ଅତିଥି ନ କର ଓ ସମ୍ବର୍ଦ୍ଧନା ଜଣାଅ ନାହିଁ;
\v 11 କାରଣ ଯେ କେହି ତାହାକୁ ସମ୍ବର୍ଦ୍ଧନା ଜଣାଏ, ସେ ତାହାର ଦୁଷ୍କର୍ମର ସହଭାଗୀ ହୁଏ ।
\s ଶେଷ ଶୁଭେଚ୍ଛା
\p
\s5
\v 12 ତୁମ୍ଭମାନଙ୍କର ନିକଟକୁ ଅନେକ ବିଷୟ ଲେଖିବାକୁ ଅଛି, କିନ୍ତୁ କାଗଜ ଓ କାଳିରେ ତାହା ଲେଖିବାକୁ ଇଚ୍ଛା କରୁ ନାହିଁ; ମୋର ଆଶା ଯେ; ତୁମ୍ଭମାନଙ୍କ ନିକଟରେ ଉପସ୍ଥିତ ହୋଇ ମୁଖାମୁଖି କଥାବାର୍ତ୍ତା କରିବି, ଯେପରି ଆମ୍ଭମାନଙ୍କ ଆନନ୍ଦ ସମ୍ପୂର୍ଣ୍ଣ ହେବ ।
\v 13 ତୁମ୍ଭର ମନୋନୀତା ଭଗିନୀର ସନ୍ତାନମାନେ ତୁମ୍ଭକୁ ନମସ୍କାର ଜଣାଉଅଛନ୍ତି । ଆମେନ୍ ।