or_ulb/28-HOS.usfm

967 lines
80 KiB
Plaintext
Raw Permalink Normal View History

2018-10-25 23:32:14 +00:00
\id HOS - Odia Old Version Revision
2018-02-07 18:38:47 +00:00
\ide UTF-8
\rem - Copyrigth Information Creative commons Attribution - ShareAlike 4.0 License
\h - ହୋଶେୟ
\toc1 - ହୋଶେୟ ଭବିଷ୍ୟଦ୍‍ବକ୍ତାଙ୍କ ପୁସ୍ତକ
\toc2 - ହୋଶେୟ
\toc3 hos
\mt1 ହୋଶେୟ ଭବିଷ୍ୟଦ୍‍ବକ୍ତାଙ୍କ ପୁସ୍ତକ
\mt2 THE BOOK OF PROPHET
\s5
\c 1
\p
2018-10-25 23:32:14 +00:00
\v 1 ଯିହୁଦାର ରାଜାଗଣ ଉଷୀୟ, ଯୋଥମ୍‍, ଆହସ୍‌ ଓ ହିଜକୀୟର ରାଜତ୍ୱ ସମୟରେ ଯୋୟାଶ୍‍ର ପୁତ୍ର ଇସ୍ରାଏଲର ରାଜା ଯାରବୀୟାମର ସମୟରେ ସଦାପ୍ରଭୁଙ୍କର ଏହି ବାକ୍ୟ ବେରିଙ୍କ ପୁତ୍ର ହୋଶେୟଙ୍କର ନିକଟରେ ଉପସ୍ଥିତ ହେଲା।
2018-02-07 18:38:47 +00:00
\s ହୋଶେୟଙ୍କ ଭାର୍ଯ୍ୟା ଏବଂ ସନ୍ତାନଗଣ
\q
\v 2 ଯେଉଁ ସମୟରେ ସଦାପ୍ରଭୁ ପ୍ରଥମରେ ହୋଶେୟଙ୍କ ଦ୍ୱାରା କଥା କହିଲେ, ସେହି ସମୟରେ ସଦାପ୍ରଭୁ ହୋଶେୟଙ୍କୁ କହିଲେ,
2018-10-25 23:32:14 +00:00
\q “ତୁମ୍ଭେ ଯାଇ ବ୍ୟଭିଚାରିଣୀ ଏକ ଭାର୍ଯ୍ୟାକୁ
2018-02-07 18:38:47 +00:00
\q ଓ ବ୍ୟଭିଚାରରୁ ଜାତ ସନ୍ତାନଗଣକୁ ଗ୍ରହଣ କର;
2018-10-25 23:32:14 +00:00
\q କାରଣ ଏହି ଦେଶ ସଦାପ୍ରଭୁଙ୍କୁ ପରିତ୍ୟାଗ କରି ମହା ବ୍ୟଭିଚାର କରିଅଛି।”
2018-02-07 18:38:47 +00:00
\q
\s5
2018-10-25 23:32:14 +00:00
\v 3 ତହିଁରେ ସେ ଯାଇ ଦିବ୍‍ଲାଇମର କନ୍ୟା ଗୋମରକୁ ଗ୍ରହଣ କଲା ଓ ସେ ଗର୍ଭବତୀ ହୋଇ ତାହାର ଏକ ପୁତ୍ର ପ୍ରସବ କଲା।
2018-02-07 18:38:47 +00:00
\q
\v 4 ତହୁଁ ସଦାପ୍ରଭୁ ତାହାଙ୍କୁ କହିଲେ,
2018-10-25 23:32:14 +00:00
\q “ତୁମ୍ଭେ ତାହାର ନାମ ଯିଷ୍ରିୟେଲ ରଖ;
2018-02-07 18:38:47 +00:00
\q କାରଣ ଅଳ୍ପ ସମୟ ପରେ ଆମ୍ଭେ ଯେହୂର ବଂଶକୁ
\q ଯିଷ୍ରିୟେଲର ରକ୍ତପାତର ପ୍ରତିଫଳ ଭୋଗ କରାଇବା
2018-10-25 23:32:14 +00:00
\q ଓ ଇସ୍ରାଏଲ ବଂଶର ରାଜ୍ୟ ଶେଷ କରାଇବା।
2018-02-07 18:38:47 +00:00
\q
\v 5 ପୁଣି, ସେହି ସମୟରେ ଆମ୍ଭେ ଯିଷ୍ରିୟେଲର ଉପତ୍ୟକାରେ
2018-10-25 23:32:14 +00:00
\q ଇସ୍ରାଏଲର ଧନୁ ଭଗ୍ନ କରିବା।”
2018-02-07 18:38:47 +00:00
\p
\s5
2018-10-25 23:32:14 +00:00
\v 6 ଆଉ, ଗୋମର ପୁନର୍ବାର ଗର୍ଭଧାରଣ କରି ଏକ କନ୍ୟା ପ୍ରସବ କଲା।
2018-02-07 18:38:47 +00:00
\q ଆଉ, ସଦାପ୍ରଭୁ ତାହାକୁ କହିଲେ,
2018-10-25 23:32:14 +00:00
\q “ତୁମ୍ଭେ ତାହାର ନାମ ଲୋ-ରୁହାମା
\f +
\fr 1:6
\fq ଲୋ-ରୁହାମା
\ft ଅର୍ଥାତ୍ ଅଦୟା ପାତ୍ରୀ
\f* ରଖ;
2018-02-07 18:38:47 +00:00
\q କାରଣ ଆମ୍ଭେ କୌଣସି ପ୍ରକାରେ ଇସ୍ରାଏଲ ବଂଶକୁ କ୍ଷମା କରିବା ପାଇଁ
2018-10-25 23:32:14 +00:00
\q ସେମାନଙ୍କ ପ୍ରତି ଆଉ ଦୟା ପ୍ରକାଶ କରିବା ନାହିଁ।
2018-02-07 18:38:47 +00:00
\q
\v 7 ମାତ୍ର ଆମ୍ଭେ ଯିହୁଦା ବଂଶ ପ୍ରତି ଦୟା କରିବା
\q ଓ ଧନୁ, ଖଡ୍ଗ, ଯୁଦ୍ଧ କି ଅଶ୍ୱଗଣ କିଅବା
\q ଅଶ୍ୱାରୋହୀଗଣ ଦ୍ୱାରା ସେମାନଙ୍କୁ ଉଦ୍ଧାର ନ କରି
2018-10-25 23:32:14 +00:00
\q ସଦାପ୍ରଭୁ ସେମାନଙ୍କ ପରମେଶ୍ୱରଙ୍କ ଦ୍ୱାରା ଉଦ୍ଧାର କରିବା।”
2018-02-07 18:38:47 +00:00
\p
\s5
2018-10-25 23:32:14 +00:00
\v 8 ସେହି ସ୍ତ୍ରୀ ଲୋ-ରୁହାମାକୁ ସ୍ତନ୍ୟପାନ ତ୍ୟାଗ କରାଇଲା ଉତ୍ତାରେ ଗର୍ଭଧାରଣ କରି ଏକ ପୁତ୍ର ପ୍ରସବ କଲା।
2018-02-07 18:38:47 +00:00
\q
\v 9 ତହିଁରେ ସଦାପ୍ରଭୁ କହିଲେ,
2018-10-25 23:32:14 +00:00
\q “ତୁମ୍ଭେ ତାହାର ନାମ ଲୋ-ଆମୀ (ଆମ୍ଭର ଲୋକ ନୁହେଁ) ରଖ;
2018-02-07 18:38:47 +00:00
\q କାରଣ ତୁମ୍ଭେମାନେ ଆମ୍ଭର ଲୋକ ନୁହଁ
2018-10-25 23:32:14 +00:00
\q ଓ ଆମ୍ଭେ ତୁମ୍ଭମାନଙ୍କର ପରମେଶ୍ୱର ହେବା ନାହିଁ।”
2018-02-07 18:38:47 +00:00
\q
\s5
\v 10 ତଥାପି ଇସ୍ରାଏଲ ସନ୍ତାନଗଣର ସଂଖ୍ୟା
\q ସମୁଦ୍ରର ବାଲୁକା ତୁଲ୍ୟ ଅପରିମେୟ ଓ ଅସଂଖ୍ୟ ହେବ;
\q ପୁଣି, ଯେଉଁ ସ୍ଥଳରେ ସେମାନଙ୍କୁ,
2018-10-25 23:32:14 +00:00
\q “ତୁମ୍ଭେମାନେ ଆମ୍ଭର ଲୋକ ନୁହଁ” ବୋଲି କୁହା ଯାଇଥିଲା,
2018-02-07 18:38:47 +00:00
\q ସେହି ସ୍ଥଳରେ ସେମାନଙ୍କୁ କୁହାଯିବ ଯେ,
2018-10-25 23:32:14 +00:00
\q “ତୁମ୍ଭେମାନେ ଜୀବିତ ପରମେଶ୍ୱରଙ୍କର ସନ୍ତାନଗଣ ଅଟ।”
2018-02-07 18:38:47 +00:00
\p
\v 11 ଆଉ, ଯିହୁଦାର ସନ୍ତାନଗଣ ଓ ଇସ୍ରାଏଲର ସନ୍ତାନଗଣ
\q ଏକତ୍ର ସଂଗ୍ରହ କରାଯିବେ ଓ ସେମାନେ ଆପଣାମାନଙ୍କ ଉପରେ
\q ଏକ ଜଣକୁ ପ୍ରଧାନ ରୂପେ ନିଯୁକ୍ତ କରି ଦେଶରୁ ଯାତ୍ରା କରିବେ;
2018-10-25 23:32:14 +00:00
\q କାରଣ ଯିଷ୍ରିୟେଲର ଦିନ ମହତ୍ ଦିନ ହେବ।
2018-02-07 18:38:47 +00:00
\s5
\c 2
\s ଇସ୍ରାଏଲର ଅବିଶ୍ୱସ୍ତତାର ଶାସ୍ତି
\q
2018-10-25 23:32:14 +00:00
\v 1 ତୁମ୍ଭେମାନେ ଆପଣାମାନଙ୍କର ଭ୍ରାତୃଗଣଙ୍କୁ “ଅମ୍ମି”
\f +
\fr 2:1
\fq “ଅମ୍ମି”
\ft ଅର୍ଥାତ୍ ଆମ୍ଭର ଲୋକ
\f*
\q ଓ ଆପଣାମାନଙ୍କର ଭଗିନୀଗଣଙ୍କୁ “ରୁହାମା”
\f +
\fr 2:1
\fq “ରୁହାମା”
\ft ଅର୍ଥାତ୍ ଦୟାପାତ୍ରୀ
\f* ବୋଲି କୁହ।
2018-02-07 18:38:47 +00:00
\q
\s5
\v 2 ତୁମ୍ଭେମାନେ ଆପଣା ମାତା ସହିତ ବାଦାନୁବାଦ କର;
\q କାରଣ ସେ ଆମ୍ଭର ଭାର୍ଯ୍ୟା ନୁହେଁ, କିଅବା ଆମ୍ଭେ ତାହାର ସ୍ୱାମୀ ନୋହୁଁ;
\q ସେ ଆପଣା ଦୃଷ୍ଟିରୁ ଆପଣା ବେଶ୍ୟାଚାର
\q ଓ ଆପଣା ସ୍ତନଦ୍ୱୟର ମଧ୍ୟରୁ ବ୍ୟଭିଚାର ଦୂର କରୁ;
\q
\v 3 ନୋହିଲେ ଅବା ଆମ୍ଭେ ତାହାକୁ ବିବସ୍ତ୍ରା କରିବା
\q ଓ ସେ ଜନ୍ମ ଦିନରେ ଯେରୂପ ଥିଲା, ସେରୂପ କରି ତାହାକୁ ରଖିବା;
\q ପୁଣି, ତାହାକୁ ପ୍ରାନ୍ତରର ତୁଲ୍ୟ କରିବା
\q ଓ ମରୁଭୂମି ତୁଲ୍ୟ କରି ତୃଷାରେ ତାହାକୁ ବଧ କରିବା;
\q
\s5
\v 4 ଆହୁରି, ଆମ୍ଭେ ତାହାର ସନ୍ତାନଗଣ ପ୍ରତି ଦୟା କରିବା ନାହିଁ,
2018-10-25 23:32:14 +00:00
\q କାରଣ ସେମାନେ ବେଶ୍ୟାଚାରରୁ ଜାତ ସନ୍ତାନ।
2018-02-07 18:38:47 +00:00
\q
\v 5 ଯେହେତୁ ସେମାନଙ୍କର ମାତା ବେଶ୍ୟାବୃତ୍ତି କରିଅଛି;
\q ସେମାନଙ୍କର ଗର୍ଭଧାରିଣୀ ଲଜ୍ଜାକର କର୍ମ କରିଅଛି;
2018-10-25 23:32:14 +00:00
\q କାରଣ ସେ କହିଲା, “ମୋର ଯେଉଁ ପ୍ରେମିକଗଣ ମୋତେ ଅନ୍ନ, ଜଳ,
2018-02-07 18:38:47 +00:00
\q ମେଷଲୋମ, ମସିନାବସ୍ତ୍ର, ତୈଳ ଓ ମୋର ପେୟଦ୍ରବ୍ୟ ମୋତେ ଦିଅନ୍ତି,
2018-10-25 23:32:14 +00:00
\q ମୁଁ ସେମାନଙ୍କର ପଛେ ପଛେ ଯିବି।”
2018-02-07 18:38:47 +00:00
\q
\s5
\v 6 ଏଥିପାଇଁ ଦେଖ, ଆମ୍ଭେ କଣ୍ଟା ଦ୍ୱାରା ତୁମ୍ଭର ପଥ ରୁଦ୍ଧ କରିବା
\q ଓ ଆମ୍ଭେ ତାହାର ବିରୁଦ୍ଧରେ ବାଡ଼ ବାନ୍ଧିବା,
2018-10-25 23:32:14 +00:00
\q ତହିଁରେ ସେ ଆପଣା ପଥ ପାଇବ ନାହିଁ।
2018-02-07 18:38:47 +00:00
\q
\v 7 ପୁଣି, ସେ ଆପଣା ପ୍ରେମିକଗଣର ପଛେ ପଛେ ଯିବ,
\q ମାତ୍ର ସେ ସେମାନଙ୍କର ସଙ୍ଗ ଧରିବ ନାହିଁ
\q ଓ ସେ ସେମାନଙ୍କର ଅନ୍ଵେଷଣ କରିବ, ମାତ୍ର ଉଦ୍ଦେଶ୍ୟ ପାଇବ ନାହିଁ;
2018-10-25 23:32:14 +00:00
\q ତହୁଁ ସେ କହିବ, “ମୁଁ ଫେରି ଆପଣା ପ୍ରଥମ ସ୍ୱାମୀ ନିକଟକୁ ଯିବି;
\q କାରଣ ବର୍ତ୍ତମାନ ଅପେକ୍ଷା ସେତେବେଳେ ମୋର ମଙ୍ଗଳ ଥିଲା।”
2018-02-07 18:38:47 +00:00
\q
\s5
2018-10-25 23:32:14 +00:00
\v 8 “ଯେହେତୁ ଆମ୍ଭେ ଯେ ତାହାକୁ ଶସ୍ୟ, ଦ୍ରାକ୍ଷାରସ ଓ ତୈଳ ଦେଲୁ
2018-02-07 18:38:47 +00:00
\q ଓ ତାହାର ରୂପା ଓ ସୁନା ବୃଦ୍ଧି କଲୁ, ଏହା ସେ ଜାଣିଲା ନାହିଁ,
2018-10-25 23:32:14 +00:00
\q ସେମାନେ ସେହି ରୂପା, ସୁନା ବାଲ୍‍ଦେବ ଉଦ୍ଦେଶ୍ୟରେ ବ୍ୟୟ କଲେ।
2018-02-07 18:38:47 +00:00
\q
\v 9 ଏଥିପାଇଁ ଆମ୍ଭେ ଶସ୍ୟ ସମୟରେ ଆମ୍ଭର ଶସ୍ୟ
\q ଓ ଦ୍ରାକ୍ଷାରସର ଋତୁରେ ଆମ୍ଭର ଦ୍ରାକ୍ଷାରସ ଫେରାଇ ନେବା,
\q ଯାହା ଦ୍ୱାରା ତାହାର ଉଲଙ୍ଗତା ଆଚ୍ଛାଦିତ ହୁଅନ୍ତା,
2018-10-25 23:32:14 +00:00
\q ଆମ୍ଭର ସେହି ମେଷଲୋମ ଓ ମସିନା ଛଡ଼ାଇ ନେବା।
2018-02-07 18:38:47 +00:00
\q
\s5
\v 10 ପୁଣି, ଏବେ ଆମ୍ଭେ ତାହାର ପ୍ରେମିକଗଣର ସାକ୍ଷାତରେ ତାହାର ଭ୍ରଷ୍ଟତା ପ୍ରକାଶ କରିବା
2018-10-25 23:32:14 +00:00
\q ଓ ଆମ୍ଭ ହସ୍ତରୁ କେହି ତାହାକୁ ଉଦ୍ଧାର କରିବେ ନାହିଁ।
2018-02-07 18:38:47 +00:00
\q
\v 11 ଆହୁରି, ଆମ୍ଭେ ତାହାର ସକଳ ଆମୋଦ, ତାହାର ଉତ୍ସବ,
2018-10-25 23:32:14 +00:00
\q ଅମାବାସ୍ୟା, ବିଶ୍ରାମ ଦିନ ଓ ତାହାର ମହାସଭା ସକଳ ବନ୍ଦ କରିବା।
2018-02-07 18:38:47 +00:00
\q
\s5
2018-10-25 23:32:14 +00:00
\v 12 ଆଉ, ସେ ଆପଣାର ଯେଉଁ ଦ୍ରାକ୍ଷାଲତା ଓ ଡିମ୍ବିରି ବୃକ୍ଷ ବିଷୟରେ କହିଥିଲା
\q ‘ଏହିସବୁ ମୋର ପ୍ରେମିକଗଣ ମୋର ବେତନ ସ୍ୱରୂପେ ମୋତେ ଦେଇଅଛନ୍ତି,
\q ସେହିସବୁ ଆମ୍ଭେ ଉଜାଡ଼ କରିବା; ଆଉ, ଆମ୍ଭେ ସେହିସବୁକୁ ଅରଣ୍ୟ କରିବା,
\q ତହିଁରେ ବନ୍ୟ ପଶୁଗଣ ତାହା ଖାଇ ପକାଇବେ।
2018-02-07 18:38:47 +00:00
\q
\v 13 ପୁଣି, ଯେଉଁମାନଙ୍କ ଉଦ୍ଦେଶ୍ୟରେ ସେ ଧୂପ ଜ୍ୱଳାଇଲା,
\q ସେହି ବାଲ୍‍ ଦେବଗଣର (ପ୍ରତିଷ୍ଠିତ) ଦିନସମୂହର ପ୍ରତିଫଳ ଆମ୍ଭେ ତାହାକୁ ଭୋଗ କରାଇବା;
\q ସେହି ସମୟରେ ସେ କର୍ଣ୍ଣକୁଣ୍ଡଳ ଓ ଅଳଙ୍କାର ଇତ୍ୟାଦିରେ ଆପଣାକୁ ଭୂଷିତା କରି
2018-10-25 23:32:14 +00:00
\q ଆପଣା ପ୍ରେମିକଗଣର ପଛେ ପଛେ ଗଲା ଓ ଆମ୍ଭକୁ ଭୁଲିଲା,” ଏହା ସଦାପ୍ରଭୁ କହନ୍ତି।
2018-02-07 18:38:47 +00:00
\s ଇସ୍ରାଏଲ ପ୍ରତି ଈଶ୍ୱରଙ୍କ ପ୍ରେମ
\q
\s5
2018-10-25 23:32:14 +00:00
\v 14 “ଏଥିନିମନ୍ତେ ଦେଖ, ଆମ୍ଭେ ତାହାର ମନକୁ ଆକର୍ଷଣ କରି
\q ତାହାକୁ ପ୍ରାନ୍ତରକୁ ଆଣିବା ଓ ତାହାକୁ ଚିତ୍ତ ପ୍ରବୋଧକ କଥା କହିବା।
2018-02-07 18:38:47 +00:00
\q
\v 15 ପୁଣି, ସେହି ସ୍ଥାନରୁ ଆମ୍ଭେ ତାହାକୁ ତାହାର ଦ୍ରାକ୍ଷାକ୍ଷେତ୍ର
2018-10-25 23:32:14 +00:00
\q ଓ ଭରସାରୂପ ଦ୍ୱାର ନିମନ୍ତେ ଆଖୋର୍‍ ଉପତ୍ୟକା ଦେବା;
2018-02-07 18:38:47 +00:00
\q ପୁଣି, ସେ ଯେପରି ଆପଣା ଯୌବନ କାଳରେ
\q ଓ ମିସର ଦେଶରୁ ଆସିବା ଦିନରେ ଉତ୍ତର କରିଥିଲା,
2018-10-25 23:32:14 +00:00
\q ସେପରି ସେହି ସ୍ଥାନରେ ଉତ୍ତର କରିବ।”
2018-02-07 18:38:47 +00:00
\q
\s5
\v 16 ଆଉ, ସଦାପ୍ରଭୁ କହନ୍ତି,
2018-10-25 23:32:14 +00:00
\q “ସେହି ଦିନ ତୁମ୍ଭେ ଆମ୍ଭକୁ ‘ଈଶୀ (ଆମ୍ଭର ସ୍ୱାମୀ) ବୋଲି ଡାକିବ
\q ଓ ‘ବାଲୀ (କର୍ତ୍ତା) ବୋଲି ଆଉ ଡାକିବ ନାହିଁ।”
2018-02-07 18:38:47 +00:00
\q
\v 17 କାରଣ ଆମ୍ଭେ ତାହାର ମୁଖରୁ ବାଲ୍‍ ଦେବଗଣର ନାମସବୁ ଦୂର କରିବା,
2018-10-25 23:32:14 +00:00
\q ପୁଣି ସେହି ନାମସବୁ ପୁନର୍ବାର ଧରାଯିବ ନାହିଁ।
2018-02-07 18:38:47 +00:00
\q
\s5
\v 18 ଆଉ, ସେହି ଦିନ ଆମ୍ଭେ ସେମାନଙ୍କ ନିମନ୍ତେ କ୍ଷେତ୍ରସ୍ଥ ବନ୍ୟ ପଶୁ
\q ଓ ଆକାଶସ୍ଥ ପକ୍ଷୀ ଓ ଭୂମିସ୍ଥ ଉରୋଗାମୀ ଜନ୍ତୁଗଣର ସହିତ ନିୟମ କରିବା
\q ଓ ଆମ୍ଭେ ଦେଶରୁ ଧନୁ, ଖଡ୍ଗ ଓ ଯୁଦ୍ଧ ଉଚ୍ଛିନ୍ନ କରିବା,
2018-10-25 23:32:14 +00:00
\q ଆଉ ସେମାନଙ୍କୁ ନିରାପଦରେ ଶୟନ କରାଇବା।
2018-02-07 18:38:47 +00:00
\q
\s5
\v 19 ପୁଣି, ଆମ୍ଭେ ଚିରକାଳ ନିମନ୍ତେ ଆମ୍ଭ ପାଇଁ ତୁମ୍ଭକୁ ବାଗ୍‍ଦାନ କରିବା;
\q ହଁ, ଆମ୍ଭେ ତୁମ୍ଭକୁ ଧର୍ମରେ, ନ୍ୟାୟ ବିଚାରରେ,
2018-10-25 23:32:14 +00:00
\q ସ୍ନେହପୂର୍ଣ୍ଣ କରୁଣାରେ ଓ ଦୟାରେ ଆମ୍ଭ ପାଇଁ ବାଗ୍‍ଦାନ କରିବା।
2018-02-07 18:38:47 +00:00
\q
\v 20 ଆମ୍ଭେ ତୁମ୍ଭକୁ ବିଶ୍ୱସ୍ତତାରେ ଆମ୍ଭ ପାଇଁ ବାଗ୍‍ଦାନ କରିବା;
2018-10-25 23:32:14 +00:00
\q ତହିଁରେ ତୁମ୍ଭେ ସଦାପ୍ରଭୁଙ୍କୁ ଜ୍ଞାତ ହେବ।”
2018-02-07 18:38:47 +00:00
\q
\s5
2018-10-25 23:32:14 +00:00
\v 21 ଆହୁରି, ସଦାପ୍ରଭୁ କହନ୍ତି, “ସେହି ଦିନ ଆମ୍ଭେ ଉତ୍ତର ଦେବା,
2018-02-07 18:38:47 +00:00
\q ଆମ୍ଭେ ଆକାଶମଣ୍ଡଳକୁ ଉତ୍ତର ଦେବା ଓ ଆକାଶମଣ୍ଡଳ ପୃଥିବୀକୁ ଉତ୍ତର ଦେବ;
\q
\v 22 ପୁଣି, ପୃଥିବୀ ଶସ୍ୟକୁ, ଦ୍ରାକ୍ଷାରସକୁ ଓ ତୈଳକୁ ଉତ୍ତର ଦେବ;
\q ଆଉ, ସେହି ସମସ୍ତେ ଯିଷ୍ରିୟେଲକୁ ଉତ୍ତର ଦେବେ;
\q
\s5
\v 23 ପୁଣି, ଆମ୍ଭେ ଆପଣା ପାଇଁ ତାହାକୁ ଦେଶରେ ରୋପଣ କରିବା;
\q ତହିଁରେ ଯେ ଦୟା ପାଇ ନ ଥିଲା, ତାହା ପ୍ରତି ଆମ୍ଭେ ଦୟା କରିବା;
\q ଆଉ, ଯେଉଁମାନେ ଆମ୍ଭର ଲୋକ ନ ଥିଲେ, ସେମାନଙ୍କୁ ଆମ୍ଭେ କହିବା,
2018-10-25 23:32:14 +00:00
\q ‘ତୁମ୍ଭେ ଆମ୍ଭର ଲୋକ’ ଓ ସେମାନେ କହିବେ, ‘ତୁମ୍ଭେ ଆମ୍ଭର ପରମେଶ୍ୱର।’”
2018-02-07 18:38:47 +00:00
\s5
\c 3
\s ହୋଶେୟଙ୍କର ଭାର୍ଯ୍ୟା କ୍ରୟ
\p
2018-10-25 23:32:14 +00:00
\v 1 ଏଥିଉତ୍ତାରେ ସଦାପ୍ରଭୁ ଆମ୍ଭକୁ କହିଲେ, “ଇସ୍ରାଏଲ ସନ୍ତାନଗଣ ଅନ୍ୟ ଦେବଗଣର ପ୍ରତି ଫେରିଲେ ମଧ୍ୟ ଓ ଦ୍ରାକ୍ଷାଚକ୍ତି ଭଲ ପାଇଲେ ମଧ୍ୟ ସଦାପ୍ରଭୁ ଯେଉଁପରି ସେମାନଙ୍କୁ ପ୍ରେମ କରନ୍ତି, ସେହିପରି ତୁମ୍ଭେ ପୁନଶ୍ଚ ଯାଇ ଆପଣା ମିତ୍ରର ପ୍ରିୟତମା ଅଥଚ ବ୍ୟଭିଚାରିଣୀ ଏକ ସ୍ତ୍ରୀକୁ ପ୍ରେମ କର।”
2018-02-07 18:38:47 +00:00
\v 2 ତହିଁରେ ମୁଁ ପନ୍ଦର ରୌପ୍ୟ ମୁଦ୍ରା, ଏକ ହୋମର ଓ ଅର୍ଦ୍ଧ ହୋମର ଯବ ଦେଇ ସେ ସ୍ତ୍ରୀକୁ କିଣିଲି;
2018-10-25 23:32:14 +00:00
\v 3 ଆଉ, ମୁଁ ତାହାକୁ କହିଲି, “ତୁମ୍ଭେ ଅନେକ ଦିନ ପର୍ଯ୍ୟନ୍ତ ମୋ’ ନିମନ୍ତେ ରହିବ; ତୁମ୍ଭେ ବେଶ୍ୟାବୃତ୍ତି କରିବ ନାହିଁ ଓ ତୁମ୍ଭେ ଅନ୍ୟ କୌଣସି ପୁରୁଷର ଭାର୍ଯ୍ୟା ହେବ ନାହିଁ ଓ ମୁଁ ମଧ୍ୟ ତୁମ୍ଭ ପ୍ରତି ସେହିପରି ବ୍ୟବହାର କରିବି।
2018-02-07 18:38:47 +00:00
\p
\s5
\v 4 କାରଣ ଇସ୍ରାଏଲ ସନ୍ତାନଗଣ ଅନେକ ଦିନ ପର୍ଯ୍ୟନ୍ତ ରାଜାହୀନ, ଅଧିପତିହୀନ, ଯଜ୍ଞହୀନ, ସ୍ତମ୍ଭହୀନ ଓ ଏଫୋଦ ଅବା ଠାକୁରହୀନ ହୋଇ ରହିବେ;
2018-10-25 23:32:14 +00:00
\v 5 ଏଥିଉତ୍ତାରେ ଇସ୍ରାଏଲ ସନ୍ତାନଗଣ ଫେରି ଆସିବେ ଓ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କୁ ଓ ଆପଣାମାନଙ୍କର ରାଜା ଦାଉଦଙ୍କୁ ଅନ୍ଵେଷଣ କରିବେ; ଆଉ, ଶେଷ କାଳରେ ସେମାନେ ଭୟଯୁକ୍ତ ହୋଇ ସଦାପ୍ରଭୁଙ୍କ ନିକଟକୁ ଓ ତାହାଙ୍କ ଅନୁଗ୍ରହର ନିକଟକୁ ଆସିବେ।”
2018-02-07 18:38:47 +00:00
\s5
\c 4
\s ଇସ୍ରାଏଲ ବିରୁଦ୍ଧରେ ପରମେଶ୍ୱରଙ୍କ ଅଭିଯୋଗ
\q
\v 1 ହେ ଇସ୍ରାଏଲ ସନ୍ତାନଗଣ, ତୁମ୍ଭେମାନେ ସଦାପ୍ରଭୁଙ୍କର ବାକ୍ୟ ଶୁଣ;
\q କାରଣ ଦେଶରେ ସତ୍ୟ ଅବା ଦୟା କିଅବା ପରମେଶ୍ୱର ବିଷୟକ ଜ୍ଞାନ ନ ଥିବାରୁ
2018-10-25 23:32:14 +00:00
\q ଦେଶନିବାସୀଗଣ ସହିତ ସଦାପ୍ରଭୁଙ୍କର ବିବାଦ ଅଛି।
2018-02-07 18:38:47 +00:00
\q
\v 2 ଅଭିଶାପ ଦେବା, ବିଶ୍ୱାସଲଙ୍ଘନ, ବଧ, ଚୋରି ଓ ବ୍ୟଭିଚାର ବିନା ସେଠାରେ ଆଉ କିଛି ନାହିଁ;
2018-10-25 23:32:14 +00:00
\q ଲୋକମାନେ ବିଦ୍ରୋହୀ ହୋଇ ଉଠନ୍ତି ଓ ରକ୍ତପାତ ଉପରେ ରକ୍ତପାତ କରାଯାଏ।
2018-02-07 18:38:47 +00:00
\q
\s5
\v 3 ଏଥିପାଇଁ ଦେଶ ବିଳାପ କରିବ ଓ ତହିଁର ନିବାସୀ ପ୍ରତ୍ୟେକ ଲୋକ,
\q କ୍ଷେତ୍ରସ୍ଥ ବନ୍ୟ ପଶୁ ଓ ଆକାଶସ୍ଥ ପକ୍ଷୀଗଣ ସହିତ ଦୁର୍ବଳ ହେବେ;
2018-10-25 23:32:14 +00:00
\q ହଁ, ସମୁଦ୍ରର ମତ୍ସ୍ୟଗଣ ମଧ୍ୟ ଦୂରୀକୃତ ହେବେ।
2018-02-07 18:38:47 +00:00
\q
\s5
\v 4 ତଥାପି କୌଣସି ମନୁଷ୍ୟ ବିବାଦ ନ କରୁ, କିଅବା କୌଣସି ମନୁଷ୍ୟ ଅନୁଯୋଗ ନ କରୁ;
2018-10-25 23:32:14 +00:00
\q କାରଣ ତୁମ୍ଭର ଲୋକମାନେ ଯାଜକ ସହିତ ବିବାଦକାରୀ ଲୋକମାନଙ୍କର ତୁଲ୍ୟ ଅଟନ୍ତି।
2018-02-07 18:38:47 +00:00
\q
\v 5 ପୁଣି, ତୁମ୍ଭେ ଦିନବେଳେ ଝୁଣ୍ଟି ପଡ଼ିବ
\q ଓ ଭବିଷ୍ୟଦ୍‍ବକ୍ତା ମଧ୍ୟ ରାତ୍ରିକାଳରେ ତୁମ୍ଭ ସଙ୍ଗେ ଝୁଣ୍ଟି ପଡ଼ିବ;
2018-10-25 23:32:14 +00:00
\q ଆଉ, ଆମ୍ଭେ ତୁମ୍ଭର ମାତାକୁ ବିନାଶ କରିବା।
2018-02-07 18:38:47 +00:00
\q
\s5
\v 6 ଆମ୍ଭର ଲୋକମାନେ ଜ୍ଞାନର ଅଭାବ ସକାଶୁ ବିନଷ୍ଟ ହୋଇଅଛନ୍ତି;
\q କାରଣ ତୁମ୍ଭେ ଜ୍ଞାନ ଅଗ୍ରାହ୍ୟ କରିଅଛ, ଆମ୍ଭେ ମଧ୍ୟ ତୁମ୍ଭକୁ ଅଗ୍ରାହ୍ୟ କରିବା,
\q ତହିଁରେ ତୁମ୍ଭେ ଆମ୍ଭର ଯାଜକ ହେବ ନାହିଁ;
\q ତୁମ୍ଭେ ଆପଣା ପରମେଶ୍ୱରଙ୍କ ବ୍ୟବସ୍ଥା ପାସୋରିବାରୁ
2018-10-25 23:32:14 +00:00
\q ଆମ୍ଭେ ମଧ୍ୟ ତୁମ୍ଭ ସନ୍ତାନଗଣକୁ ପାସୋରି ଯିବା।
2018-02-07 18:38:47 +00:00
\q
\v 7 ସେମାନେ ଯେତେ ଅଧିକ ବୃଦ୍ଧି ପାଇଲେ
\q ସେତେ ଅଧିକ ଆମ୍ଭ ବିରୁଦ୍ଧରେ ପାପ କଲେ;
2018-10-25 23:32:14 +00:00
\q ଆମ୍ଭେ ସେମାନଙ୍କର ଗୌରବ ଅପମାନରେ ପରିଣତ କରିବା।
2018-02-07 18:38:47 +00:00
\q
\s5
\v 8 ସେମାନେ ଆମ୍ଭ ଲୋକମାନଙ୍କ ପାପରେ ପ୍ରତିପୋଷିତ ହୁଅନ୍ତି,
2018-10-25 23:32:14 +00:00
\q ଆଉ ସେମାନଙ୍କ ଅଧର୍ମରେ ଆପଣା ଆପଣା ଅନ୍ତଃକରଣକୁ ଆସକ୍ତ କରନ୍ତି।
2018-02-07 18:38:47 +00:00
\q
\v 9 ଏଣୁ ଯେପରି ଲୋକମାନଙ୍କ ଉପରେ ସେହିପରି ଯାଜକମାନଙ୍କ ଉପରେ ବର୍ତ୍ତିବ;
\q ପୁଣି, ଆମ୍ଭେ ସେମାନଙ୍କ ଆଚରଣ ଅନୁଯାୟୀ ସେମାନଙ୍କୁ ଦଣ୍ଡ ଦେବା
2018-10-25 23:32:14 +00:00
\q ଓ ସେମାନଙ୍କ କର୍ମାନୁସାରେ ସେମାନଙ୍କୁ ପ୍ରତିଫଳ ଦେବା।
2018-02-07 18:38:47 +00:00
\q
\s5
\v 10 ତହିଁରେ ସେମାନେ ଭୋଜନ କଲେ ମଧ୍ୟ ତୃପ୍ତ ହେବେ ନାହିଁ;
\q ବ୍ୟଭିଚାର କଲେ ମଧ୍ୟ ବହୁବଂଶ ହେବେ ନାହିଁ;
2018-10-25 23:32:14 +00:00
\q କାରଣ ସେମାନେ ସଦାପ୍ରଭୁଙ୍କୁ ପରିତ୍ୟାଗ କରିଅଛନ୍ତି।
2018-02-07 18:38:47 +00:00
\q
\s5
2018-10-25 23:32:14 +00:00
\v 11 ବ୍ୟଭିଚାର, ମଦ୍ୟ ଓ ନୂତନ ଦ୍ରାକ୍ଷାରସ ବୁଦ୍ଧି ହରଣ କରେ।
2018-02-07 18:38:47 +00:00
\q
2018-10-25 23:32:14 +00:00
\v 12 ଆମ୍ଭର ଲୋକମାନେ ଆପଣା କାଷ୍ଠଖଣ୍ଡର ନିକଟରେ ମନ୍ତ୍ରଣା ଚାହାନ୍ତି
2018-02-07 18:38:47 +00:00
\q ଓ ସେମାନଙ୍କର ଯଷ୍ଟି ସେମାନଙ୍କ ପ୍ରତି (କଥା) ପ୍ରକାଶ କରେ;
\q କାରଣ ବ୍ୟଭିଚାରର ଆତ୍ମା ସେମାନଙ୍କୁ ଭ୍ରାନ୍ତ କରିଅଛି,
2018-10-25 23:32:14 +00:00
\q ପୁଣି ସେମାନେ ପରମେଶ୍ୱରଙ୍କ ଅଧୀନତାରୁ ଯାଇ ବ୍ୟଭିଚାର କରିଅଛନ୍ତି।
2018-02-07 18:38:47 +00:00
\q
\s5
\v 13 ସେମାନେ ପର୍ବତମାନର ଶୃଙ୍ଗରେ ବଳିଦାନ କରନ୍ତି
\q ଓ ଉପପର୍ବତଗଣର ଉପରେ ଅଲୋନ, ଲିବ୍‍ନି
\q ଓ ଏଲା ବୃକ୍ଷ ତଳେ ଧୂପ ଜଳାନ୍ତି, କାରଣ ତହିଁର ଛାୟା ଉତ୍ତମ;
2018-10-25 23:32:14 +00:00
\q ଏଥିପାଇଁ ତୁମ୍ଭର କନ୍ୟାଗଣ ବେଶ୍ୟାଚାର କରନ୍ତି ଓ ତୁମ୍ଭର ବଧୂଗଣ ବ୍ୟଭିଚାର କରନ୍ତି।
2018-02-07 18:38:47 +00:00
\q
\v 14 ତୁମ୍ଭର କନ୍ୟାଗଣ ବେଶ୍ୟାଚାର କଲା ବେଳେ
\q ଓ ତୁମ୍ଭର ବଧୂଗଣ ବ୍ୟଭିଚାର କଲା ବେଳେ
\q ଆମ୍ଭେ ସେମାନଙ୍କୁ ଶାସ୍ତି ଦେବା ନାହିଁ;
\q କାରଣ ସେମାନେ ଆପେ ବେଶ୍ୟାମାନଙ୍କ ସଙ୍ଗେ ଦେବଗଣର ମନ୍ଦିରକୁ ଯାଆନ୍ତି
\q ଓ ମାହାରୀମାନଙ୍କ ସଙ୍ଗେ ବଳିଦାନ କରନ୍ତି;
2018-10-25 23:32:14 +00:00
\q ଯେଉଁ ଲୋକମାନେ ବୁଝନ୍ତି ନାହିଁ, ସେମାନେ ଉତ୍ପାଟିତ ହେବେ।
2018-02-07 18:38:47 +00:00
\q
\s5
\v 15 ହେ ଇସ୍ରାଏଲ, ତୁମ୍ଭେ ଯଦ୍ୟପି ବେଶ୍ୟାବୃତ୍ତି କର,
\q ତଥାପି ଯିହୁଦା ସେପରି ଦୋଷଗ୍ରସ୍ତ ନ ହେଉ;
\q ଆଉ, ତୁମ୍ଭେମାନେ ଗିଲ୍‍ଗଲ୍‍ରେ ଉପସ୍ଥିତ ହୁଅ ନାହିଁ,
2018-10-25 23:32:14 +00:00
\q କିଅବା ବେଥ୍-ଆବନକୁ ଯାଅ ନାହିଁ;
\q ଅଥବା ସେଠାରେ ଜୀବିତ ସଦାପ୍ରଭୁ ବୋଲି ଶପଥ କର ନାହିଁ।
2018-02-07 18:38:47 +00:00
\q
\v 16 କାରଣ ସ୍ଵେଚ୍ଛାଚାରିଣୀ ଗାଭୀ ତୁଲ୍ୟ ଇସ୍ରାଏଲ ଆପେ ସ୍ଵେଚ୍ଛାଚାରୀ ହୋଇଅଛି;
2018-10-25 23:32:14 +00:00
\q ଏବେ ସଦାପ୍ରଭୁ ସେମାନଙ୍କୁ ମେଷଶାବକ ପରି ପ୍ରଶସ୍ତ ସ୍ଥାନରେ ଚରାଇବେ।
2018-02-07 18:38:47 +00:00
\q
\s5
2018-10-25 23:32:14 +00:00
\v 17 ଇଫ୍ରୟିମ ପ୍ରତିମାଗଣ ପ୍ରତି ଆସକ୍ତ ହୋଇଅଛି; ତାକୁ ଛାଡ଼ି ଦିଅ।
2018-02-07 18:38:47 +00:00
\q
\v 18 ସେମାନଙ୍କର ପେୟ ଦ୍ରବ୍ୟ ଅମ୍ଳ ହୋଇଅଛି;
\q ସେମାନେ ଅବିରତ ବେଶ୍ୟାଗମନ କରନ୍ତି;
2018-10-25 23:32:14 +00:00
\q ତାହାର ଶାସନକର୍ତ୍ତାମାନେ ଅପମାନକୁ ଅତିଶୟ ଭଲ ପାଆନ୍ତି।
2018-02-07 18:38:47 +00:00
\q
\v 19 ବାୟୁ ତାହାକୁ ଆପଣା ପକ୍ଷରେ ଆଚ୍ଛାଦନ କରିଅଛି
2018-10-25 23:32:14 +00:00
\q ଓ ସେମାନେ ଆପଣାମାନଙ୍କର ବଳିଦାନ ସକାଶୁ ଲଜ୍ଜିତ ହେବେ।
2018-02-07 18:38:47 +00:00
\s5
\c 5
\s ଇସ୍ରାଏଲ ଓ ଯିହୁଦାର ଶାସ୍ତି
\q
\v 1 ହେ ଯାଜକଗଣ, ଏହା ଶୁଣ, ହେ ଇସ୍ରାଏଲ ବଂଶ, ମନୋଯୋଗ କର,
\q ହେ ରାଜବଂଶ, କର୍ଣ୍ଣପାତ କର, କାରଣ ବିଚାର ତୁମ୍ଭମାନଙ୍କ ସମ୍ବନ୍ଧୀୟ;
2018-10-25 23:32:14 +00:00
\q ତୁମ୍ଭେମାନେ ମିସ୍ପାରେ ଫାନ୍ଦ ସ୍ୱରୂପ ଓ ତାବୋରରେ ପ୍ରସାରିତ ଜାଲ ସ୍ୱରୂପ ହୋଇଅଛ।
2018-02-07 18:38:47 +00:00
\q
\v 2 ପୁଣି, ଅତ୍ୟାଚାରୀମାନେ ହତ୍ୟା କରିବାରେ ଗଭୀରକୁ ଯାଇଅଛନ୍ତି;
2018-10-25 23:32:14 +00:00
\q ମାତ୍ର ଆମ୍ଭେ ସେହି ସମସ୍ତଙ୍କର ଅନୁଯୋଗକାରୀ ଅଟୁ।
2018-02-07 18:38:47 +00:00
\q
\s5
\v 3 ଆମ୍ଭେ ଇଫ୍ରୟିମକୁ ଜାଣୁ ଓ ଇସ୍ରାଏଲ ଆମ୍ଭର ଅଗୋଚର ନୁହେଁ;
2018-10-25 23:32:14 +00:00
\q କାରଣ ହେ ଇଫ୍ରୟିମ, ତୁମ୍ଭେ ଏବେ ବେଶ୍ୟାବୃତ୍ତି କରିଅଛ, ଇସ୍ରାଏଲ ଅଶୁଚି ହୋଇଅଛି।
2018-02-07 18:38:47 +00:00
\q
\v 4 ସେମାନଙ୍କର କ୍ରିୟାସକଳ ସେମାନଙ୍କୁ
\q ଆପଣାମାନଙ୍କ ପରମେଶ୍ୱରଙ୍କ ନିକଟକୁ ଫେରିବାକୁ ଦେବ ନାହିଁ;
\q କାରଣ ସେମାନଙ୍କ ଅନ୍ତରରେ ବ୍ୟଭିଚାରର ଆତ୍ମା ଅଛି
2018-10-25 23:32:14 +00:00
\q ଓ ସେମାନେ ସଦାପ୍ରଭୁଙ୍କୁ ଜାଣନ୍ତି ନାହିଁ।
2018-02-07 18:38:47 +00:00
\q
\s5
\v 5 ପୁଣି, ଇସ୍ରାଏଲର ଦର୍ପ ତାହାର ମୁଖ ଆଗରେ ସାକ୍ଷ୍ୟ ଦିଏ;
2018-10-25 23:32:14 +00:00
\q ଏଥିପାଇଁ ଇସ୍ରାଏଲ ଓ ଇଫ୍ରୟିମ ଆପଣାମାନଙ୍କ ଅଧର୍ମରେ ଝୁଣ୍ଟି ପଡ଼ିବେ।
2018-02-07 18:38:47 +00:00
\q
\v 6 ସେମାନେ ଆପଣାମାନଙ୍କର ମେଷପଲ ଓ ଗୋପଲ ଘେନି ସଦାପ୍ରଭୁଙ୍କର ଅନ୍ଵେଷଣ କରିବା ପାଇଁ ଯିବେ;
\q ମାତ୍ର ତାହାଙ୍କର ଉଦ୍ଦେଶ୍ୟ ପାଇବେ ନାହିଁ;
2018-10-25 23:32:14 +00:00
\q କାରଣ ସେ ସେମାନଙ୍କ ନିକଟରୁ ଚାଲି ଯାଇଅଛନ୍ତି।
2018-02-07 18:38:47 +00:00
\q
\v 7 ସେମାନେ ସଦାପ୍ରଭୁଙ୍କ ବିରୁଦ୍ଧରେ ବିଶ୍ୱାସ ଘାତକତା କରିଅଛନ୍ତି;
\q କାରଣ ସେମାନେ ଅବୈଧ ସନ୍ତାନ ଉତ୍ପନ୍ନ କରିଅଛନ୍ତି;
2018-10-25 23:32:14 +00:00
\q ଏବେ ଅମାବାସ୍ୟା ସେମାନଙ୍କୁ ଓ ସେମାନଙ୍କ କ୍ଷେତ୍ରସବୁକୁ ଗ୍ରାସ କରିବ।
2018-02-07 18:38:47 +00:00
\q
\s5
\v 8 ତୁମ୍ଭେମାନେ ଗିବୀୟାରେ ଶିଙ୍ଗା ଧ୍ୱନି କର,
\q ରାମାରେ ତୂରୀ ବଜାଅ;
2018-10-25 23:32:14 +00:00
\q ବେଥ୍-ଆବନରେ ଭୟାନକ ସିଂହନାଦ କର;
\q ତୁମ୍ଭ ପଛେ, ହେ ବିନ୍ୟାମୀନ୍,
2018-02-07 18:38:47 +00:00
\q
\v 9 ଭର୍ତ୍ସନା ଦିନରେ ଇଫ୍ରୟିମ ଧ୍ୱଂସର ସ୍ଥାନ ହେବ; ଯାହା ନିଶ୍ଚୟ ଘଟିବ,
2018-10-25 23:32:14 +00:00
\q ତାହା ଆମ୍ଭେ ଇସ୍ରାଏଲ ଗୋଷ୍ଠୀମାନଙ୍କ ମଧ୍ୟରେ ଜ୍ଞାତ କରାଇଅଛୁ।
2018-02-07 18:38:47 +00:00
\q
\s5
\v 10 ଯେଉଁମାନେ ସୀମାର ଚିହ୍ନ ଘୁଞ୍ଚାନ୍ତି, ଯିହୁଦାର ଅଧିପତିଗଣ ସେମାନଙ୍କ ତୁଲ୍ୟ ହୋଇଅଛନ୍ତି;
2018-10-25 23:32:14 +00:00
\q ଆମ୍ଭେ ସେମାନଙ୍କ ଉପରେ ଆପଣା କ୍ରୋଧ ଜଳ ପରି ଢାଳିବା।
2018-02-07 18:38:47 +00:00
\q
\v 11 ଇଫ୍ରୟିମ ସନ୍ତୁଷ୍ଟ ହୋଇ ମନୁଷ୍ୟର ଆଜ୍ଞାନୁସାରେ ଚାଲିଥିବାରୁ
2018-10-25 23:32:14 +00:00
\q ସେ ଉପଦ୍ରବଗ୍ରସ୍ତ ହୋଇଅଛି ଓ ବିଚାରରେ କଷ୍ଟ ପାଇଅଛି।
2018-02-07 18:38:47 +00:00
\q
\s5
\v 12 ଏଥିସକାଶୁ ଆମ୍ଭେ ଇଫ୍ରୟିମ ପକ୍ଷରେ କୀଟ ସ୍ୱରୂପ
2018-10-25 23:32:14 +00:00
\q ଓ ଯିହୁଦା ବଂଶ ପକ୍ଷରେ କ୍ଷୟ ସ୍ୱରୂପ ହୋଇଅଛୁ।
2018-02-07 18:38:47 +00:00
\q
\v 13 ଯେତେବେଳେ ଇଫ୍ରୟିମ ଆପଣା ରୋଗ ଓ ଯିହୁଦା ଆପଣା କ୍ଷତ ଦେଖିଲା,
\q ସେତେବେଳେ ଇଫ୍ରୟିମ ଅଶୂରୀୟର ନିକଟକୁ ଗଲା
\q ଓ ଯାରେବ ରାଜା ନିକଟକୁ ଲୋକ ପଠାଇଲା;
\q ମାତ୍ର ସେ ତୁମ୍ଭମାନଙ୍କୁ ସୁସ୍ଥ କରିବାକୁ ସକ୍ଷମ ନୁହେଁ,
2018-10-25 23:32:14 +00:00
\q କିଅବା ସେ ତୁମ୍ଭମାନଙ୍କର କ୍ଷତ ଆରୋଗ୍ୟ କରିବ ନାହିଁ।
2018-02-07 18:38:47 +00:00
\q
\s5
\v 14 କାରଣ ଆମ୍ଭେ ଇଫ୍ରୟିମ ପ୍ରତି ସିଂହ ତୁଲ୍ୟ
2018-10-25 23:32:14 +00:00
\q ଓ ଯିହୁଦା ବଂଶ ପ୍ରତି ଯୁବା ସିଂହ ତୁଲ୍ୟ ହେବା।
2018-02-07 18:38:47 +00:00
\q ଆମ୍ଭେ, ଆମ୍ଭେ ହିଁ ବିଦୀର୍ଣ୍ଣ କରି ଚାଲି ଯିବା;
2018-10-25 23:32:14 +00:00
\q ଆମ୍ଭେ ସେମାନଙ୍କୁ ଟାଣି ଦୂରକୁ ନେଇ ଯିବା ଓ ଉଦ୍ଧାର କରିବା ପାଇଁ କେହି ନ ଥିବ।
2018-02-07 18:38:47 +00:00
\q
\v 15 ସେମାନେ ଆପଣା ଆପଣା ଅପରାଧ ସ୍ୱୀକାର କରି
\q ଆମ୍ଭର ମୁଖ ଅନ୍ଵେଷଣ ନ କରିବା ପର୍ଯ୍ୟନ୍ତ ଆମ୍ଭେ ଫେରି ଆପଣା ସ୍ଥାନକୁ ଯିବା;
2018-10-25 23:32:14 +00:00
\q ସେମାନେ ଆପଣାମାନଙ୍କର ଦୁଃଖ ସମୟରେ ଆନ୍ତରିକ ଭାବରେ ଆମ୍ଭର ଅନ୍ଵେଷଣ କରିବେ।
2018-02-07 18:38:47 +00:00
\s5
\c 6
\s ଯିହୁଦା ଓ ଇସ୍ରାଏଲର ମିଥ୍ୟା ଅନୁତାପ
\q
\v 1 ଆସ, ଆମ୍ଭେମାନେ ସଦାପ୍ରଭୁଙ୍କ ନିକଟକୁ ଫେରି ଯାଉ;
\q କାରଣ ସେ ବିଦୀର୍ଣ୍ଣ କରିଅଛନ୍ତି ଓ ସେ ଆମ୍ଭମାନଙ୍କୁ ସୁସ୍ଥ କରିବେ;
2018-10-25 23:32:14 +00:00
\q ସେ ପ୍ରହାର କରିଅଛନ୍ତି ଓ ସେ ଆମ୍ଭମାନଙ୍କ କ୍ଷତ ବାନ୍ଧିବେ।
2018-02-07 18:38:47 +00:00
\q
\v 2 ଦୁଇ ଦିନ ଉତ୍ତାରେ ସେ ଆମ୍ଭମାନଙ୍କୁ ସଂଜୀବିତ କରିବେ;
2018-10-25 23:32:14 +00:00
\q ତୃତୀୟ ଦିନରେ ଆମ୍ଭମାନଙ୍କୁ ଉଠାଇବେ ଓ ଆମ୍ଭେମାନେ ତାହାଙ୍କ ଛାମୁରେ ବଞ୍ଚିବୁ।
2018-02-07 18:38:47 +00:00
\q
\v 3 ପୁଣି, ଆମ୍ଭେମାନେ ଜ୍ଞାତ ହେଉ,
\q ସଦାପ୍ରଭୁଙ୍କୁ ଜାଣିବା ନିମନ୍ତେ ତାହାଙ୍କ ପଶ୍ଚାତ୍‍ଗମନ କରୁ;
\q ତାହାଙ୍କର ଉଦୟ ପ୍ରତ୍ୟୁଷ ତୁଲ୍ୟ ନିଶ୍ଚିତ;
\q ଆଉ ସେ ଆମ୍ଭମାନଙ୍କ ନିକଟକୁ ବୃଷ୍ଟି ତୁଲ୍ୟ,
2018-10-25 23:32:14 +00:00
\q ଭୂମି ସେଚନକାରୀ ଶେଷ ବୃଷ୍ଟି ତୁଲ୍ୟ ଆସିବେ।
2018-02-07 18:38:47 +00:00
\q
\s5
\v 4 ହେ ଇଫ୍ରୟିମ, ଆମ୍ଭେ ତୁମ୍ଭ ପ୍ରତି କଅଣ କରିବା ?
\q ହେ ଯିହୁଦା, ଆମ୍ଭେ ତୁମ୍ଭ ପ୍ରତି କଅଣ କରିବା ?
\q କାରଣ ତୁମ୍ଭମାନଙ୍କର ଧର୍ମ ପ୍ରାତଃ କାଳୀନ ମେଘ ତୁଲ୍ୟ
2018-10-25 23:32:14 +00:00
\q ଓ ପ୍ରତ୍ୟୁଷରେ ଅନ୍ତର୍ହିତ ହେବା କାକର ତୁଲ୍ୟ।
2018-02-07 18:38:47 +00:00
\q
\v 5 ଏଥିପାଇଁ ଆମ୍ଭେ ଭବିଷ୍ୟଦ୍‍ବକ୍ତାଗଣ ଦ୍ୱାରା ସେମାନଙ୍କୁ ଚ୍ଛେଦନ କରିଅଛୁ;
\q ଆମ୍ଭେ ଆପଣା ମୁଖ ନିର୍ଗତ ବାକ୍ୟ ଦ୍ୱାରା ସେମାନଙ୍କୁ ବଧ କରିଅଛୁ
2018-10-25 23:32:14 +00:00
\q ଓ ତୁମ୍ଭର ଦଣ୍ଡାଜ୍ଞାସକଳ ନିର୍ଗତ ହେବା ଦୀପ୍ତି ତୁଲ୍ୟ ଅଟେ।
2018-02-07 18:38:47 +00:00
\q
\s5
\v 6 କାରଣ ବଳିଦାନ ନୁହେଁ, ମାତ୍ର ଦୟା
2018-10-25 23:32:14 +00:00
\q ଓ ହୋମ ଅପେକ୍ଷା ପରମେଶ୍ୱର ବିଷୟକ ଜ୍ଞାନ ବାଞ୍ଛା କରୁ।
2018-02-07 18:38:47 +00:00
\q
\v 7 ମାତ୍ର ଆଦମର ତୁଲ୍ୟ ସେମାନେ ନିୟମ ଲଙ୍ଘନ କରିଅଛନ୍ତି;
2018-10-25 23:32:14 +00:00
\q ସେହି ସ୍ଥାନରେ ସେମାନେ ଆମ୍ଭ ବିରୁଦ୍ଧରେ ବିଶ୍ୱାସ ଘାତକତା କରିଅଛନ୍ତି।
2018-02-07 18:38:47 +00:00
\q
\s5
2018-10-25 23:32:14 +00:00
\v 8 ଗିଲୀୟଦ ଅଧର୍ମାଚାରୀମାନଙ୍କ ନଗର, ତାହା ରକ୍ତରେ ଦାଗଯୁକ୍ତ ହୋଇଅଛି।
2018-02-07 18:38:47 +00:00
\q
\v 9 ପୁଣି, ଡକାୟତ ଦଳ ଯେପରି ମନୁଷ୍ୟର ଅପେକ୍ଷାରେ ଥାଆନ୍ତି,
\q ସେପରି ଯାଜକ ଦଳ ଶିଖିମ ଆଡ଼େ ଯିବା ପଥରେ ନରହତ୍ୟା କରନ୍ତି;
2018-10-25 23:32:14 +00:00
\q ହଁ, ସେମାନେ ଭ୍ରଷ୍ଟାଚରଣ କରିଅଛନ୍ତି।
2018-02-07 18:38:47 +00:00
\q
\s5
\v 10 ଆମ୍ଭେ ଇସ୍ରାଏଲ ବଂଶ ମଧ୍ୟରେ ଅତି ଭୟଙ୍କର ଏକ ବିଷୟ ଦେଖିଅଛୁ,
2018-10-25 23:32:14 +00:00
\q ସେହି ସ୍ଥାନରେ ଇଫ୍ରୟିମ ମଧ୍ୟରେ ବେଶ୍ୟାବୃତ୍ତି ଦେଖାଯାଏ, ଇସ୍ରାଏଲ ଅଶୁଚି ହୋଇଅଛି।
2018-02-07 18:38:47 +00:00
\q
\v 11 ଆହୁରି ହେ ଯିହୁଦା,
\q ଆମ୍ଭେ ଯେତେବେଳେ ଆପଣା ଲୋକମାନଙ୍କୁ ବନ୍ଦୀତ୍ୱରୁ ଫେରାଇ ଆଣିବା,
2018-10-25 23:32:14 +00:00
\q ସେତେବେଳେ ତୁମ୍ଭ ପାଇଁ (ଦଣ୍ଡରୂପ) ଶସ୍ୟଚ୍ଛେଦନ ସମୟ ନିରୂପିତ ଅଛି।
2018-02-07 18:38:47 +00:00
\s5
\c 7
\q
\v 1 ଆମ୍ଭେ ଯେତେବେଳେ ଇସ୍ରାଏଲକୁ ସୁସ୍ଥ କରିବାକୁ ଇଚ୍ଛା କରୁ,
\q ସେତେବେଳେ ଇଫ୍ରୟିମର ଅଧର୍ମ ଓ ଶମରୀୟାର ଦୁଷ୍ଟତା ପ୍ରକାଶିତ ହୁଅଇ;
\q କାରଣ ସେମାନେ ଅସତ୍ୟତାର ବ୍ୟବହାର କରନ୍ତି
2018-10-25 23:32:14 +00:00
\q ଓ ଚୋର ଭିତରେ ପ୍ରବେଶ କରେ, ଆଉ ଡକାୟତ ଦଳ ବାହାରେ ଲୁଟ କରନ୍ତି।
2018-02-07 18:38:47 +00:00
\q
\v 2 ପୁଣି, ଆମ୍ଭେ ଯେ ସେମାନଙ୍କର ସମସ୍ତ ଦୁଷ୍ଟତା ସ୍ମରଣ କରୁ,
\q ଏହା ସେମାନେ ଆପଣାମାନଙ୍କ ଅନ୍ତଃକରଣରେ ବିବେଚନା କରନ୍ତି ନାହିଁ;
\q ଏବେ ସେମାନଙ୍କର ନିଜ କାର୍ଯ୍ୟସବୁ ସେମାନଙ୍କୁ ଘେରି ଅଛି;
2018-10-25 23:32:14 +00:00
\q ସେହି ସବୁ ଆମ୍ଭ ସମ୍ମୁଖରେ ଅଛି।
2018-02-07 18:38:47 +00:00
\q
\s5
\v 3 ସେମାନେ ଆପଣାମାନଙ୍କର ଦୁଷ୍ଟତା ଦ୍ୱାରା ରାଜାକୁ
2018-10-25 23:32:14 +00:00
\q ଓ ଆପଣାମାନଙ୍କ ମିଥ୍ୟା ଦ୍ୱାରା ଅଧିପତିମାନଙ୍କୁ ଆନନ୍ଦିତ କରନ୍ତି।
2018-02-07 18:38:47 +00:00
\q
\v 4 ସେମାନେ ସମସ୍ତେ ବ୍ୟଭିଚାରୀ;
\q ସେମାନେ ରୁଟି ପ୍ରସ୍ତୁତକାରୀ ଦ୍ୱାରା ଉତ୍ତପ୍ତ ତନ୍ଦୁର ସ୍ୱରୂପ;
\q ମଇଦା ଦଳିବା ସମୟଠାରୁ ତହିଁରେ ତାଡ଼ି ମିଶ୍ରିତ ନ ହେବା ପର୍ଯ୍ୟନ୍ତ
2018-10-25 23:32:14 +00:00
\q ସେ ଅଗ୍ନି ପ୍ରଜ୍ୱଳିତ କରିବାରୁ ନିବୃତ୍ତ ହୁଏ।
2018-02-07 18:38:47 +00:00
\q
\v 5 ଆମ୍ଭମାନଙ୍କ ରାଜାଙ୍କ ଦିନରେ ଅଧିପତିମାନେ
\q ଦ୍ରାକ୍ଷାରସର ଉତ୍ତାପରେ ଆପଣାମାନଙ୍କୁ ପୀଡ଼ିତ କଲେ;
2018-10-25 23:32:14 +00:00
\q ସେ ନିନ୍ଦକମାନଙ୍କ ସଙ୍ଗେ ଆପଣା ହସ୍ତ ବଢ଼ାଇଲା।
2018-02-07 18:38:47 +00:00
\q
\s5
\v 6 କାରଣ ସେମାନେ ଛକି ବସି ଆପଣା ଆପଣା ଅନ୍ତଃକରଣ ତନ୍ଦୁର ପରି ପ୍ରସ୍ତୁତ କରିଅଛନ୍ତି;
\q ସେମାନଙ୍କର କ୍ରୋଧ ରାତ୍ରିସାରା କୁହୁଳୁ ଥାଏ;
2018-10-25 23:32:14 +00:00
\q ପ୍ରାତଃକାଳରେ ତାହା ପ୍ରଜ୍ୱଳିତ ଅଗ୍ନି ପରି ଜ୍ୱଳଇ।
2018-02-07 18:38:47 +00:00
\q
\v 7 ସେମାନେ ସମସ୍ତେ ତନ୍ଦୁର ପରି ଉତ୍ତପ୍ତ ଅଟନ୍ତି
\q ଓ ଆପଣାମାନଙ୍କର ବିଚାରକର୍ତ୍ତୃଗଣକୁ ଗ୍ରାସ କରନ୍ତି;
\q ସେମାନଙ୍କର ସମସ୍ତ ରାଜାଗଣ ପତିତ ହୋଇଅଛନ୍ତି;
2018-10-25 23:32:14 +00:00
\q ସେମାନଙ୍କ ମଧ୍ୟରେ କେହି ଆମ୍ଭ ନିକଟରେ ପ୍ରାର୍ଥନା କରନ୍ତି ନାହିଁ।
2018-02-07 18:38:47 +00:00
\q
\s5
\v 8 ଗୋଷ୍ଠୀଗଣ ମଧ୍ୟରେ ଇଫ୍ରୟିମ ଆପେ ମିଶ୍ରିତ ହୁଅଇ;
2018-10-25 23:32:14 +00:00
\q ଇଫ୍ରୟିମ ଓଲଟା ହୋଇ ନ ଥିବା ପିଠା ତୁଲ୍ୟ।
2018-02-07 18:38:47 +00:00
\q
\v 9 ବିଦେଶୀମାନେ ତାହାର ବଳ ଗ୍ରାସ କରିଅଛନ୍ତି, ଆଉ ସେ ତାହା ଜାଣେ ନାହିଁ;
2018-10-25 23:32:14 +00:00
\q ହଁ, ତାହାର ମସ୍ତକରେ, ଏଠାରେ ସେଠାରେ ପକ୍ୱ କେଶ ଅଛି, ମାତ୍ର ସେ ତାହା ଜାଣେ ନାହିଁ।
2018-02-07 18:38:47 +00:00
\q
\s5
\v 10 ପୁଣି, ଇସ୍ରାଏଲର ଦର୍ପ ତାହାର ସାକ୍ଷାତରେ ସାକ୍ଷ୍ୟ ଦିଏ;
\q ତଥାପି ସେମାନେ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କ ନିକଟକୁ ଫେରି ନାହାନ୍ତି,
2018-10-25 23:32:14 +00:00
\q କିଅବା ଏହିସବୁ ଘଟିଲେ ମଧ୍ୟ ସେମାନେ ତାହାଙ୍କର ଅନ୍ଵେଷଣ କରି ନାହାନ୍ତି।
2018-02-07 18:38:47 +00:00
\q
\v 11 ପୁଣି, ଇଫ୍ରୟିମ ଅବୋଧ କପୋତର ତୁଲ୍ୟ ବୁଦ୍ଧିହୀନ;
2018-10-25 23:32:14 +00:00
\q ସେମାନେ ମିସରକୁ ନିବେଦନ କରନ୍ତି, ସେମାନେ ଅଶୂରକୁ ଯାଆନ୍ତି।
2018-02-07 18:38:47 +00:00
\q
\s5
\v 12 ଯେତେବେଳେ ସେମାନେ ଯିବେ,
\q ସେତେବେଳେ ଆମ୍ଭେ ସେମାନଙ୍କ ଉପରେ ଆପଣା ଜାଲ ପ୍ରସାର କରିବା;
\q ଆମ୍ଭେ ସେମାନଙ୍କୁ ଆକାଶର ପକ୍ଷୀଗଣ ପରି ତଳକୁ ଆଣିବା;
2018-10-25 23:32:14 +00:00
\q ସେମାନଙ୍କ ସମାଜ ଯେପରି ଶୁଣିଅଛନ୍ତି, ସେହିପରି ଆମ୍ଭେ ସେମାନଙ୍କୁ ଶାସ୍ତି ଦେବା।
2018-02-07 18:38:47 +00:00
\q
\v 13 ସେମାନେ ସନ୍ତାପର ପାତ୍ର !
\q କାରଣ ସେମାନେ ଆମ୍ଭ ନିକଟରୁ ବିପଥଗାମୀ ହୋଇଅଛନ୍ତି;
\q ସେମାନଙ୍କର ସର୍ବନାଶ ଘଟିବ;
\q କାରଣ ସେମାନେ ଆମ୍ଭ ବିରୁଦ୍ଧରେ ଅପରାଧ କରିଅଛନ୍ତି;
\q ଆମ୍ଭେ ସେମାନଙ୍କୁ ମୁକ୍ତ କରିବାକୁ ଇଚ୍ଛା କଲେ ମଧ୍ୟ
2018-10-25 23:32:14 +00:00
\q ସେମାନେ ଆମ୍ଭ ବିରୁଦ୍ଧରେ ମିଥ୍ୟା କଥା କହିଅଛନ୍ତି।
2018-02-07 18:38:47 +00:00
\q
\s5
\v 14 ପୁଣି, ସେମାନେ ଅନ୍ତଃକରଣ ସହିତ ଆମ୍ଭ ନିକଟରେ କ୍ରନ୍ଦନ କରି ନାହାନ୍ତି;
\q ମାତ୍ର ସେମାନେ ଆପଣା ଶଯ୍ୟାରେ ହାହାକାର କରନ୍ତି;
\q ସେମାନେ ଶସ୍ୟ ଓ ଦ୍ରାକ୍ଷାରସ ନିମନ୍ତେ ଆପଣାମାନଙ୍କୁ ଏକତ୍ର କରନ୍ତି,
2018-10-25 23:32:14 +00:00
\q ସେମାନେ ଆମ୍ଭ ବିରୁଦ୍ଧରେ ବିଦ୍ରୋହାଚରଣ କରନ୍ତି।
2018-02-07 18:38:47 +00:00
\q
\v 15 ଆମ୍ଭେ ସେମାନଙ୍କ ବାହୁକୁ ଶିକ୍ଷା ଦେଇ ସବଳ କଲେ ମଧ୍ୟ
2018-10-25 23:32:14 +00:00
\q ସେମାନେ ଆମ୍ଭ ବିରୁଦ୍ଧରେ କୁକଳ୍ପନା କରନ୍ତି।
2018-02-07 18:38:47 +00:00
\q
\s5
\v 16 ସେମାନେ ଫେରି ଆସନ୍ତି ସତ୍ୟ, ମାତ୍ର ଊର୍ଦ୍ଧ୍ୱସ୍ଥଙ୍କ ପ୍ରତି ନୁହେଁ;
\q ସେମାନେ ପ୍ରବଞ୍ଚକ ଧନୁ ତୁଲ୍ୟ;
\q ସେମାନଙ୍କ ଅଧିପତିମାନେ ଆପଣା ଆପଣା
\q ଜିହ୍ୱାର ପ୍ରଚଣ୍ଡତା ସକାଶୁ ଖଡ୍ଗ ଦ୍ୱାରା ପତିତ ହେବେ;
2018-10-25 23:32:14 +00:00
\q ଏହା ମିସର ଦେଶରେ ସେମାନଙ୍କ ପକ୍ଷରେ ଉପହାସର ବିଷୟ ହେବ।
2018-02-07 18:38:47 +00:00
\s5
\c 8
\s ଇସ୍ରାଏଲର ବିପତ୍ତି
\q
2018-10-25 23:32:14 +00:00
\v 1 “ତୁମ୍ଭେ ଆପଣା ମୁଖରେ ତୂରୀ ଦିଅ;
2018-02-07 18:38:47 +00:00
\q ଶତ୍ରୁ ସଦାପ୍ରଭୁଙ୍କ ଗୃହ ବିରୁଦ୍ଧରେ ଉତ୍କ୍ରୋଶ ପକ୍ଷୀ ତୁଲ୍ୟ ଆସୁଅଛି;
\q କାରଣ ଲୋକମାନେ ଆମ୍ଭର ନିୟମ ଲଙ୍ଘନ କରିଅଛନ୍ତି
2018-10-25 23:32:14 +00:00
\q ଓ ଆମ୍ଭ ବ୍ୟବସ୍ଥା ବିରୁଦ୍ଧରେ ଅପରାଧ କରିଅଛନ୍ତି।
2018-02-07 18:38:47 +00:00
\q
\v 2 ସେମାନେ ଆମ୍ଭ ନିକଟରେ କ୍ରନ୍ଦନ କରି କହିବେ,
2018-10-25 23:32:14 +00:00
\q ‘ହେ ଆମ୍ଭର ପରମେଶ୍ୱର, ଆମ୍ଭେମାନେ ଇସ୍ରାଏଲ, ତୁମ୍ଭଙ୍କୁ ଜାଣୁ।’
2018-02-07 18:38:47 +00:00
\q
\v 3 ଯାହା ଉତ୍ତମ, ତାହା ଇସ୍ରାଏଲ ଅଗ୍ରାହ୍ୟ କରିଅଛି;
2018-10-25 23:32:14 +00:00
\q ଶତ୍ରୁ ତାହାର ପଛେ ପଛେ ଗୋଡ଼ାଇବ।
2018-02-07 18:38:47 +00:00
\q
\s5
\v 4 ସେମାନେ ରାଜାଗଣକୁ ନିଯୁକ୍ତ କରିଅଛନ୍ତି, ମାତ୍ର ଆମ୍ଭ ଦ୍ୱାରା ନୁହେଁ;
2018-10-25 23:32:14 +00:00
\q ସେମାନେ ଅଧିପତିଗଣ ନିଯୁକ୍ତ କରିଅଛନ୍ତି, ମାତ୍ର ଆମ୍ଭେ ତାହା ଜାଣିଲୁ ନାହିଁ।
2018-02-07 18:38:47 +00:00
\q ସେମାନେ ଯେପରି ଉଚ୍ଛିନ୍ନ ହେବେ,
\q ଏଥିପାଇଁ ଆପଣା ନିମନ୍ତେ ରୂପା ଓ ସୁନାରେ
2018-10-25 23:32:14 +00:00
\q ସେମାନେ ପ୍ରତିମାଗଣ ନିର୍ମାଣ କରିଅଛନ୍ତି।”
2018-02-07 18:38:47 +00:00
\q
2018-10-25 23:32:14 +00:00
\v 5 ହେ ଶମରୀୟା, ସେ ତୁମ୍ଭର ଗୋବତ୍ସ ପ୍ରତିମାକୁ ଅଗ୍ରାହ୍ୟ କରିଅଛନ୍ତି।
2018-02-07 18:38:47 +00:00
\q ସେମାନଙ୍କ ବିରୁଦ୍ଧରେ ଆମ୍ଭର କ୍ରୋଧ ପ୍ରଜ୍ୱଳିତ ହୋଇଅଛି !
2018-10-25 23:32:14 +00:00
\q ସେମାନେ କେତେ କାଳ ଉତ୍ତାରେ ନିର୍ଦ୍ଦୋଷତା ପ୍ରାପ୍ତ ହେବେ ?
2018-02-07 18:38:47 +00:00
\q
\s5
\v 6 କାରଣ ଏହା ହିଁ ଇସ୍ରାଏଲଠାରୁ ହୋଇଅଛି,
\q ଶିଳ୍ପକାର ଏହା ନିର୍ମାଣ କରିଅଛି, ତାହା ଈଶ୍ୱର ନୁହେଁ;
2018-10-25 23:32:14 +00:00
\q ହଁ, ଶମରୀୟାର ଗୋବତ୍ସ ଖଣ୍ଡ ଖଣ୍ଡ ହୋଇ ଭଗ୍ନ ହେବ।
2018-02-07 18:38:47 +00:00
\q
2018-10-25 23:32:14 +00:00
\v 7 କାରଣ ସେମାନେ ବାୟୁ ବୁଣନ୍ତି ଓ ଘୂର୍ଣ୍ଣିବାୟୁରୂପ ଶସ୍ୟ କାଟିବେ।
2018-02-07 18:38:47 +00:00
\q ତାହାର ଉଠିଆ କ୍ଷେତ ନାହିଁ; ପତ୍ର ଖାଦ୍ୟ ଉତ୍ପନ୍ନ କରିବ ନାହିଁ;
2018-10-25 23:32:14 +00:00
\q ଯଦି ଉତ୍ପନ୍ନ କରିବେ, ବିଦେଶୀୟମାନେ ତାହା ଗ୍ରାସ କରିବେ।
2018-02-07 18:38:47 +00:00
\q
\s5
\v 8 ଇସ୍ରାଏଲ ଗ୍ରାସିତ ହୋଇଅଛି;
2018-10-25 23:32:14 +00:00
\q ଏବେ ସେମାନେ ଅପ୍ରୀତିକର ପାତ୍ର ତୁଲ୍ୟ ନାନା ଗୋଷ୍ଠୀ ମଧ୍ୟରେ ଅଛନ୍ତି।
2018-02-07 18:38:47 +00:00
\q
\v 9 କାରଣ ସେମାନେ ବନ୍ୟ ଗର୍ଦ୍ଦଭ ତୁଲ୍ୟ
\q ଏକାକୀ ହୋଇ ଅଶୂରକୁ ଯାଇ ଅଛନ୍ତି;
2018-10-25 23:32:14 +00:00
\q ଇଫ୍ରୟିମ ପ୍ରେମିକଗଣକୁ ବେତନ ଦେଇ ରଖିଅଛି।
2018-02-07 18:38:47 +00:00
\q
\v 10 ହଁ, ସେମାନେ ନାନା ଗୋଷ୍ଠୀ ମଧ୍ୟରେ ଲୋକମାନଙ୍କୁ ବେତନ ଦେଲେ ମଧ୍ୟ
\q ଏବେ ଆମ୍ଭେ ସେମାନଙ୍କୁ ସଂଗ୍ରହ କରିବା;
2018-10-25 23:32:14 +00:00
\q ସେମାନେ ଅଧିପତିଗଣଙ୍କ ରାଜାର ଭାର ସକାଶୁ ନ୍ୟୁନ ହେବାକୁ ଲାଗିଲେଣି।
2018-02-07 18:38:47 +00:00
\q
\s5
\v 11 କାରଣ ଇଫ୍ରୟିମ ପାପ ଚେଷ୍ଟାରେ ଅନେକ ଯଜ୍ଞବେଦି କରିଅଛି,
2018-10-25 23:32:14 +00:00
\q ଯଜ୍ଞବେଦିସବୁ ତାହା ପକ୍ଷରେ ପାପର କାରଣ ହୋଇଅଛି।
2018-02-07 18:38:47 +00:00
\q
\v 12 ଆମ୍ଭେ ଦଶସହସ୍ର ବିଧିରେ ଆମ୍ଭର ବ୍ୟବସ୍ଥା ତାହା ପାଇଁ ଲେଖିଲେ ମଧ୍ୟ
2018-10-25 23:32:14 +00:00
\q ସେହିସବୁ ବିଦେଶୀୟ କଥା ତୁଲ୍ୟ ଗଣିତ ହୁଏ।
2018-02-07 18:38:47 +00:00
\q
\s5
\v 13 ସେମାନେ ଆମ୍ଭ ଉଦ୍ଦେଶ୍ୟରେ ଉପହାରାର୍ଥକ ବଳି ନିମନ୍ତେ
\q ମାଂସ ବଳିଦାନ କରି ତାହା ଭୋଜନ କରନ୍ତି;
2018-10-25 23:32:14 +00:00
\q ମାତ୍ର ସଦାପ୍ରଭୁ ସେମାନଙ୍କୁ ଗ୍ରାହ୍ୟ କରନ୍ତି ନାହିଁ।
2018-02-07 18:38:47 +00:00
\q ଏବେ ସେ ସେମାନଙ୍କର ଅଧର୍ମ ସ୍ମରଣ କରି ସେମାନଙ୍କ ପାପର ପ୍ରତିଫଳ ଦେବେ;
2018-10-25 23:32:14 +00:00
\q ସେମାନେ ପୁନର୍ବାର ମିସରକୁ ଫେରି ଯିବେ।
2018-02-07 18:38:47 +00:00
\q
\v 14 କାରଣ ଇସ୍ରାଏଲ ଆପଣା ସୃଷ୍ଟିକର୍ତ୍ତାଙ୍କୁ ପାସୋରିଅଛି
\q ଓ ନାନା ଅଟ୍ଟାଳିକା ନିର୍ମାଣ କରିଅଛି
\q ଓ ଯିହୁଦା ଅନେକ ପ୍ରାଚୀର ବେଷ୍ଟିତ ନଗର ପ୍ରସ୍ତୁତ କରିଅଛି,
\q ମାତ୍ର ଆମ୍ଭେ ତାହାର ନଗରସକଳର ଉପରେ ଅଗ୍ନି ନିକ୍ଷେପ କରିବା
2018-10-25 23:32:14 +00:00
\q ଓ ତାହା ତହିଁର ଦୁର୍ଗସକଳ ଗ୍ରାସ କରିବ।
2018-02-07 18:38:47 +00:00
\s5
\c 9
\s ଇସ୍ରାଏଲ ପ୍ରତି ପରମେଶ୍ୱରଙ୍କ ଶାସ୍ତି
\q
\v 1 ହେ ଇସ୍ରାଏଲ, ତୁମ୍ଭେ ଆନନ୍ଦ ସକାଶୁ ନାନା ଗୋଷ୍ଠୀୟମାନଙ୍କ ତୁଲ୍ୟ ଆନନ୍ଦ କର ନାହିଁ;
\q କାରଣ ତୁମ୍ଭେ ଆପଣା ପରମେଶ୍ୱରଙ୍କୁ ଛାଡ଼ି ବ୍ୟଭିଚାର କରିଅଛ,
2018-10-25 23:32:14 +00:00
\q ତୁମ୍ଭେ ଶସ୍ୟପୂର୍ଣ୍ଣ ପ୍ରତ୍ୟେକ ଖମାରରେ ବେତନ ଭଲ ପାଇଅଛ।
2018-02-07 18:38:47 +00:00
\q
\v 2 ଶସ୍ୟ ଖଳା କିଅବା ଦ୍ରାକ୍ଷାପେଷଣ ଯନ୍ତ୍ର ସେମାନଙ୍କୁ ପ୍ରତିପୋଷଣ କରିବ ନାହିଁ
2018-10-25 23:32:14 +00:00
\q ଓ ନୂତନ ଦ୍ରାକ୍ଷାରସରୁ ସେମାନେ ବଞ୍ଚିତ ହେବେ।
2018-02-07 18:38:47 +00:00
\q
\s5
\v 3 ସେମାନେ ସଦାପ୍ରଭୁଙ୍କ ଦେଶରେ ବାସ କରିବେ ନାହିଁ;
2018-10-25 23:32:14 +00:00
\q ମାତ୍ର ଇଫ୍ରୟିମ ମିସରକୁ ଫେରି ଯିବ, ଆଉ ସେମାନେ ଅଶୂରରେ ଅଶୁଚି ଦ୍ରବ୍ୟ ଭୋଜନ କରିବେ।
2018-02-07 18:38:47 +00:00
\q
\v 4 ସେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଦ୍ରାକ୍ଷାରସର ଉପହାର ଢାଳିବେ ନାହିଁ,
2018-10-25 23:32:14 +00:00
\q କିଅବା ସେହିସବୁ ସଦାପ୍ରଭୁଙ୍କ ତୁଷ୍ଟିଜନକ ହେବ ନାହିଁ।
2018-02-07 18:38:47 +00:00
\q ସେମାନଙ୍କର ବଳିଦାନସକଳ ସେମାନଙ୍କ ପ୍ରତି ବିଳାପକାରୀଗଣର ଖାଦ୍ୟର ସମାନ ହେବ;
\q ଯେଉଁମାନେ ତାହା ଭୋଜନ କରିବେ, ସେମାନେ ସମସ୍ତେ ଅଶୁଚି ହେବେ;
\q କାରଣ ସେମାନଙ୍କର ଖାଦ୍ୟ ସେମାନଙ୍କ କ୍ଷୁଧାର ତୃପ୍ତି ନିମନ୍ତେ ହେବ;
2018-10-25 23:32:14 +00:00
\q ତାହା ସଦାପ୍ରଭୁଙ୍କ ଗୃହକୁ ଆସିବ ନାହିଁ।
2018-02-07 18:38:47 +00:00
\p
\s5
\v 5 ମହାସଭା ଦିନରେ ଓ ସଦାପ୍ରଭୁଙ୍କ ଉତ୍ସବ ଦିନରେ ତୁମ୍ଭେମାନେ କଅଣ କରିବ ?
\q
\v 6 କାରଣ ଦେଖ, ସେମାନେ ଧ୍ୱଂସ ସ୍ଥାନରୁ ଯାଇଅଛନ୍ତି,
2018-10-25 23:32:14 +00:00
\q ତଥାପି ମିସର ସେମାନଙ୍କୁ ଏକତ୍ର କରିବ, ମେମ୍ଫିସ (ମିସରର ରାଜଧାନୀ) ସେମାନଙ୍କୁ କବର ଦେବ।
2018-02-07 18:38:47 +00:00
\q ସେମାନଙ୍କର ରୂପାର ମନୋହର ପଦାର୍ଥ ସବୁ ବିଛୁଆତି ଗଛର ଅଧିକାର ହେବ;
2018-10-25 23:32:14 +00:00
\q ସେମାନଙ୍କ ତମ୍ବୁସବୁରେ କଣ୍ଟକ ବୃକ୍ଷ ଉତ୍ପନ୍ନ ହେବ।
2018-02-07 18:38:47 +00:00
\q
\s5
2018-10-25 23:32:14 +00:00
\v 7 ପ୍ରତିଫଳର ଦିନ ଉପସ୍ଥିତ, ଦଣ୍ଡର ଦିନ ଉପସ୍ଥିତ; ଇସ୍ରାଏଲ ଏହା ଜାଣିବ।
2018-02-07 18:38:47 +00:00
\q ଭବିଷ୍ୟଦ୍‍ବକ୍ତା ନିର୍ବୋଧ, ଆତ୍ମାପ୍ରାପ୍ତ ଲୋକ ଉତ୍ତେଜିତ,
2018-10-25 23:32:14 +00:00
\q କାରଣ ତୁମ୍ଭର ଅଧର୍ମ ବହୁଳ ଓ ଶତ୍ରୁତାଭାବ ବଡ଼।
2018-02-07 18:38:47 +00:00
\q
\s5
2018-10-25 23:32:14 +00:00
\v 8 ଇଫ୍ରୟିମ ମୋ’ ପରମେଶ୍ୱରଙ୍କ ସହିତ ପ୍ରହରୀ ଥିଲା;
2018-02-07 18:38:47 +00:00
\q ଭବିଷ୍ୟଦ୍‍ବକ୍ତାଙ୍କର ସକଳ ପଥରେ ଶିକାରୀର ଫାନ୍ଦ
2018-10-25 23:32:14 +00:00
\q ଓ ତାହାର ପରମେଶ୍ୱରଙ୍କ ଗୃହରେ ଶତ୍ରୁତାଭାବ ଅଛି।
2018-02-07 18:38:47 +00:00
\q
\v 9 ଗିବୀୟାର ସମୟରେ ଯେପରି,
\q ସେମାନେ ଆପଣାମାନଙ୍କୁ ସେପରି ଅତିଶୟ ଭ୍ରଷ୍ଟ କରିଅଛନ୍ତି;
2018-10-25 23:32:14 +00:00
\q ସେ ସେମାନଙ୍କର ଅଧର୍ମ ସ୍ମରଣ କରି ସେମାନଙ୍କ ପାପସକଳର ପ୍ରତିଫଳ ଦେବେ।
2018-02-07 18:38:47 +00:00
\q
\s5
2018-10-25 23:32:14 +00:00
\v 10 ସଦାପ୍ରଭୁ କହନ୍ତି, “ଆମ୍ଭେ ଦ୍ରାକ୍ଷାଫଳର ନ୍ୟାୟ ଇସ୍ରାଏଲକୁ ପ୍ରାନ୍ତରରେ ପାଇଲୁ;
\q ଆମ୍ଭେ ଡିମ୍ବିରି ବୃକ୍ଷର ପ୍ରଥମକାଳୀନ ଆଦ୍ୟପକ୍ୱ ଡିମ୍ବିରି ଫଳ ସଦୃଶ୍ୟ ତୁମ୍ଭର ପୂର୍ବପୁରୁଷଗଣଙ୍କୁ ଦେଖିଲୁ;
\q ମାତ୍ର ସେମାନେ ବାଲ୍‍-ପିୟୋରର ନିକଟକୁ ଆସି
2018-02-07 18:38:47 +00:00
\q ସେହି ଲଜ୍ଜାସ୍ପଦର ଉଦ୍ଦେଶ୍ୟରେ ଆପଣାମାନଙ୍କୁ ପ୍ରତିଷ୍ଠା କଲେ
2018-10-25 23:32:14 +00:00
\q ଓ ଯାହାକୁ ସେମାନେ ପ୍ରେମ କଲେ, ତାହାରି ତୁଲ୍ୟ ଘୃଣାଯୋଗ୍ୟ ହେଲେ।
2018-02-07 18:38:47 +00:00
\p
\s5
\v 11 ଇଫ୍ରୟିମର ଗୌରବ ପକ୍ଷୀ ପରି ଉଡ଼ିଯିବ;
2018-10-25 23:32:14 +00:00
\q ତାହାର କୌଣସି ଜନ୍ମ, ଗର୍ଭ କିଅବା ଗର୍ଭଧାରଣ ହେବ ନାହିଁ।
2018-02-07 18:38:47 +00:00
\q
\v 12 ଯଦ୍ୟପି ସେମାନେ ସନ୍ତାନଗଣକୁ ପ୍ରତିପାଳନ କରିବେ,
\q ତଥାପି ଆମ୍ଭେ ସେମାନଙ୍କୁ ନିଃସନ୍ତାନ କରିବା,
\q ତହିଁରେ ଜଣେ ମନୁଷ୍ୟ ମଧ୍ୟ ସେଠାରେ ରହିବ ନାହିଁ;
\q ହଁ, ଆମ୍ଭେ ସେମାନଙ୍କୁ ଯେତେବେଳେ ପରିତ୍ୟାଗ କରିବା,
\q ସେତେବେଳେ ସେମାନଙ୍କର ସନ୍ତାପ ହେବ !
\q
\s5
\v 13 ଆମ୍ଭେ ସୋରକୁ ଯେପରି ଦେଖିଅଛୁ, ଇଫ୍ରୟିମ ସେପରି ମନୋହର ସ୍ଥାନରେ ରୋପିତ ହୋଇଅଛି;
2018-10-25 23:32:14 +00:00
\q ମାତ୍ର ଇଫ୍ରୟିମ ଆପଣା ସନ୍ତାନଗଣକୁ ହତ୍ୟାକାରୀର ନିକଟକୁ ବାହାର କରି ଆଣିବ।”
2018-02-07 18:38:47 +00:00
\q
\v 14 ହେ ସଦାପ୍ରଭୁ, ସେମାନଙ୍କୁ ଦିଅ; ତୁମ୍ଭେ ସେମାନଙ୍କୁ କଅଣ ଦେବ ?
2018-10-25 23:32:14 +00:00
\q ସେମାନଙ୍କୁ ଗର୍ଭସ୍ରାବ ଉଦର ଓ ଶୁଷ୍କ ସ୍ତନ ଦିଅ।
2018-02-07 18:38:47 +00:00
\q
\s5
\v 15 ସେମାନଙ୍କର ଦୁଷ୍ଟତାସକଳ ଗିଲ୍‍ଗଲ୍‍ରେ ଅଛି;
\q କାରଣ ସେଠାରେ ଆମ୍ଭେ ସେମାନଙ୍କୁ ଘୃଣା କଲୁ;
\q ଆମ୍ଭେ ସେମାନଙ୍କ କ୍ରିୟାର ଦୁଷ୍ଟତା ସକାଶୁ ସେମାନଙ୍କୁ ଆମ୍ଭ ଗୃହରୁ ତଡ଼ିଦେବା;
\q ଆମ୍ଭେ ସେମାନଙ୍କୁ ଆଉ ସ୍ନେହ କରିବା ନାହିଁ;
2018-10-25 23:32:14 +00:00
\q ସେମାନଙ୍କର ଅଧିପତି ସମସ୍ତେ ବିଦ୍ରୋହୀ।
2018-02-07 18:38:47 +00:00
\q
\s5
\v 16 ଇଫ୍ରୟିମ ଆହତ ହୋଇଅଛି, ସେମାନଙ୍କର ମୂଳ ଶୁଷ୍କ ହୋଇଅଛି;
\q ସେମାନେ ଫଳ ଧାରଣ କରିବେ ନାହିଁ; ହଁ, ଯଦ୍ୟପି ସେମାନେ ପ୍ରସବ କରିବେ,
2018-10-25 23:32:14 +00:00
\q ତଥାପି ଆମ୍ଭେ ସେମାନଙ୍କ ଗର୍ଭର ପ୍ରିୟତମ ଫଳକୁ ସଂହାର କରିବା।
2018-02-07 18:38:47 +00:00
\q
\v 17 ମୋର ପରମେଶ୍ୱର ସେମାନଙ୍କୁ ଦୂର କରି ଦେବେ,
\q କାରଣ ସେମାନେ ତାହାଙ୍କ ବାକ୍ୟରେ କର୍ଣ୍ଣପାତ କଲେ ନାହିଁ;
2018-10-25 23:32:14 +00:00
\q ଆଉ, ସେମାନେ ନାନା ଗୋଷ୍ଠୀ ମଧ୍ୟରେ ଭ୍ରମଣକାରୀ ହେବେ।
2018-02-07 18:38:47 +00:00
\s5
\c 10
\s ଇସ୍ରାଏଲ ବର୍ଦ୍ଧିଷ୍ଣୁ ଦ୍ରାକ୍ଷାଲତା, ସେ ଆପଣା ଫଳ ଉତ୍ପନ୍ନ କରେ;
\q
\v 1 ଇସ୍ରାଏଲ ଆପଣା ଦ୍ରାକ୍ଷାଫଳର ବାହୁଲ୍ୟାନୁସାରେ ଆପଣା ଯଜ୍ଞବେଦିର ସଂଖ୍ୟା ବୃଦ୍ଧି କରିଅଛି;
2018-10-25 23:32:14 +00:00
\q ତାହାର ଦେଶର ଉନ୍ନତି ଅନୁସାରେ ଲୋକମାନେ ମନୋହର ସ୍ତମ୍ଭ ନିର୍ମାଣ କରିଅଛନ୍ତି।
2018-02-07 18:38:47 +00:00
\q
\v 2 ସେମାନଙ୍କର ଅନ୍ତଃକରଣ ବିଭକ୍ତ ହୋଇଅଛି;
\q ଏବେ ସେମାନେ ଦୋଷୀ ଗଣାଯିବେ;
\q ସେ ସେମାନଙ୍କର ଯଜ୍ଞବେଦିସବୁକୁ ଆଘାତ କରିବେ,
2018-10-25 23:32:14 +00:00
\q ସେ ସେମାନଙ୍କର ସ୍ତମ୍ଭସବୁକୁ ନଷ୍ଟ କରିବେ।
2018-02-07 18:38:47 +00:00
\q
\s5
2018-10-25 23:32:14 +00:00
\v 3 ଅବଶ୍ୟ ଏବେ ସେମାନେ କହିବେ, “ଆମ୍ଭମାନଙ୍କର ରାଜା ନାହିଁ;
2018-02-07 18:38:47 +00:00
\q କାରଣ ଆମ୍ଭେମାନେ ତ ସଦାପ୍ରଭୁଙ୍କୁ ଭୟ କରୁ ନାହୁଁ,
2018-10-25 23:32:14 +00:00
\q ଏଣୁ ରାଜା ଆମ୍ଭମାନଙ୍କ ପାଇଁ କଅଣ କରି ପାରିବ ?”
2018-02-07 18:38:47 +00:00
\q
\v 4 ସେମାନେ ନିୟମ କରିବା ସମୟରେ ମିଥ୍ୟା ଶପଥ କରି ଅସାର କଥା କୁହନ୍ତି;
\q ଏଥିପାଇଁ କ୍ଷେତ୍ରର ଶିଆରରେ ଯେପରି ବିଷ ବୃକ୍ଷ,
2018-10-25 23:32:14 +00:00
\q ସେପରି ସେମାନଙ୍କର ଦଣ୍ଡ ଅଙ୍କୁରିତ ହୁଏ।
2018-02-07 18:38:47 +00:00
\q
\s5
2018-10-25 23:32:14 +00:00
\v 5 ଶମରୀୟା ନିବାସୀଗଣ ବେଥ୍-ଆବନର ଗୋବତ୍ସ ପ୍ରତିମା ସକାଶୁ ତ୍ରାସଯୁକ୍ତ ହେବେ;
2018-02-07 18:38:47 +00:00
\q କାରଣ ତହିଁର ଲୋକମାନେ ତାହା ପାଇଁ ବିଳାପ କରିବେ
\q ଓ ତହିଁର ଯେଉଁ ପୁରୋହିତମାନେ ତାହାର ଗୌରବ ସକାଶୁ ଆନନ୍ଦ କରିଥିଲେ,
2018-10-25 23:32:14 +00:00
\q ସେମାନେ ବିଳାପ କରିବେ; କାରଣ ତାହାର ଗୌରବ ତାହାକୁ ଛାଡ଼ି ଯାଇଅଛି।
2018-02-07 18:38:47 +00:00
\q
\v 6 ତାହା ମଧ୍ୟ ଯାରେବ ରାଜାର ଭେଟୀ ନିମନ୍ତେ ଅଶୂରକୁ ନୀତ ହେବ;
2018-10-25 23:32:14 +00:00
\q ଇଫ୍ରୟିମ ଲଜ୍ଜାପ୍ରାପ୍ତ ହେବ ଓ ଇସ୍ରାଏଲ ନିଜ ମନ୍ତ୍ରଣା ବିଷୟରେ ଲଜ୍ଜିତ ହେବ।
2018-02-07 18:38:47 +00:00
\q
\s5
2018-10-25 23:32:14 +00:00
\v 7 ଶମରୀୟାର ରାଜା ଜଳ ଉପରିସ୍ଥ ଫେଣ ତୁଲ୍ୟ ଉଚ୍ଛିନ୍ନ ହେଲା।
2018-02-07 18:38:47 +00:00
\q
\v 8 ଆହୁରି, ଇସ୍ରାଏଲର ପାପ ସ୍ୱରୂପ ଆବେନର ଉଚ୍ଚସ୍ଥଳୀସକଳ ବିନଷ୍ଟ ହେବ;
\q କଣ୍ଟା ଓ ଅଗରା ଗଛ ସେମାନଙ୍କର ଯଜ୍ଞବେଦି ଉପରେ ଉତ୍ପନ୍ନ ହେବ;
2018-10-25 23:32:14 +00:00
\q ଆଉ, ସେମାନେ ପର୍ବତଗଣକୁ କହିବେ, “ଆମ୍ଭମାନଙ୍କୁ ଘୋଡ଼ାଅ
\q ଓ ଉପପର୍ବତଗଣକୁ କହିବେ, ଆମ୍ଭମାନଙ୍କ ଉପରେ ପଡ଼।”
2018-02-07 18:38:47 +00:00
\q
\s5
\v 9 ହେ ଇସ୍ରାଏଲ, ତୁମ୍ଭେ ଗିବୀୟାର ସମୟଠାରୁ ପାପ କରି ଆସିଅଛ;
\q ଅଧର୍ମର ସନ୍ତାନଗଣର ବିରୁଦ୍ଧ ଯୁଦ୍ଧ ଯେପରି ଗିବୀୟାରେ ଲୋକମାନଙ୍କୁ ନ ଧରିବ,
2018-10-25 23:32:14 +00:00
\q ଏଥିପାଇଁ ସେମାନେ ସେହି ସ୍ଥାନରେ ଠିଆ ହେଲେ।
2018-02-07 18:38:47 +00:00
\q
\s5
\v 10 ଯେତେବେଳେ ଆମ୍ଭର ଇଚ୍ଛା, ସେତେବେଳେ ଆମ୍ଭେ ସେମାନଙ୍କୁ ଶାସ୍ତି ଦେବୁ
\q ଓ ସେମାନେ ଆପଣାମାନଙ୍କର ଦୁଇ ଅପରାଧରେ ବନ୍ଧାଯିବା ସମୟରେ
2018-10-25 23:32:14 +00:00
\q ଗୋଷ୍ଠୀଗଣ ସେମାନଙ୍କ ବିରୁଦ୍ଧରେ ସଂଗୃହୀତ ହେବେ।
2018-02-07 18:38:47 +00:00
\q
\v 11 ଆଉ ଇଫ୍ରୟିମ ଶିକ୍ଷିତା ଗାଭୀ, ସେ ଶସ୍ୟ ମର୍ଦ୍ଦନ କରିବାକୁ ଭଲ ପାଏ;
\q ମାତ୍ର ଆମ୍ଭେ ତାହାର ସୁନ୍ଦର ଗ୍ରୀବାରେ ହସ୍ତାର୍ପଣ କରିଅଛୁ;
\q ଆମ୍ଭେ ଇଫ୍ରୟିମ ଉପରେ ଏକ ଆରୋହୀକୁ ବସାଇବା;
2018-10-25 23:32:14 +00:00
\q ଯିହୁଦା ହଳ ବୁଲାଇବ, ଯାକୁବ ତାହାର ଟେଳା ଭାଙ୍ଗିବ।
2018-02-07 18:38:47 +00:00
\q
\s5
\v 12 ତୁମ୍ଭେମାନେ ଆପଣାମାନଙ୍କ ନିମନ୍ତେ ଧାର୍ମିକତାରେ ବିହନ ବୁଣ,
\q ଦୟାନୁଯାୟୀ ଶସ୍ୟ କାଟ; ଆପଣାମାନଙ୍କର ପଡ଼ିଆ ଭୂମି ଭାଙ୍ଗ;
\q କାରଣ ଯେପର୍ଯ୍ୟନ୍ତ ସଦାପ୍ରଭୁ ଆସି ତୁମ୍ଭମାନଙ୍କ ଉପରେ ଧାର୍ମିକତା ନ ବର୍ଷାନ୍ତି,
2018-10-25 23:32:14 +00:00
\q ସେପର୍ଯ୍ୟନ୍ତ ତାହାଙ୍କର ଅନ୍ଵେଷଣ କରିବାର ସମୟ ଅଛି।
2018-02-07 18:38:47 +00:00
\q
\v 13 ତୁମ୍ଭେମାନେ ଦୁଷ୍ଟତାରୂପ ଚାଷ କରି ଅଧର୍ମ ସ୍ୱରୂପ ଶସ୍ୟ କାଟିଅଛ;
\q ତୁମ୍ଭେମାନେ ମିଥ୍ୟା କଥାର ଫଳ ଭୋଜନ କରିଅଛ;
2018-10-25 23:32:14 +00:00
\q କାରଣ ତୁମ୍ଭେ ଆପଣା ପଥରେ, ଆପଣାର ବୀରସମୂହରେ ବିଶ୍ୱାସ କରିଅଛ।
2018-02-07 18:38:47 +00:00
\q
\s5
\v 14 ଏଥିନିମନ୍ତେ ତୁମ୍ଭ ଲୋକମାନଙ୍କ ମଧ୍ୟରେ ଏକ କୋଳାହଳ ଉଠିବ
2018-10-25 23:32:14 +00:00
\q ଓ ଯୁଦ୍ଧ ଦିନରେ ଯେପରି ଶଲମନ ବେଥ୍-ଅରବେଲକୁ ବିନାଶ କରିଥିଲା,
2018-02-07 18:38:47 +00:00
\q ସେପରି ତୁମ୍ଭ ଦୁର୍ଗସକଳ ବିନଷ୍ଟ ହେବ;
2018-10-25 23:32:14 +00:00
\q ମାତା ଆପଣା ସନ୍ତାନଗଣ ସହିତ କଚଡ଼ା ଯାଇ ଖଣ୍ଡ ଖଣ୍ଡ ହୋଇଥିଲା।
2018-02-07 18:38:47 +00:00
\q
2018-10-25 23:32:14 +00:00
\v 15 ତୁମ୍ଭର ମହା ଦୁଷ୍ଟତା ସକାଶୁ ବେଥେଲ୍‍ ତୁମ୍ଭ ପ୍ରତି ସେହି ପ୍ରକାର କରିବ;
\q ଇସ୍ରାଏଲର ରାଜା ଅରୁଣୋଦୟ ସମୟରେ ସମ୍ପୂର୍ଣ୍ଣ ରୂପେ ଉଚ୍ଛିନ୍ନ ହେବ।
2018-02-07 18:38:47 +00:00
\s5
\c 11
\s ଇସ୍ରାଏଲ ପ୍ରତି ପରମେଶ୍ୱରଙ୍କ ପ୍ରେମ
\q
\v 1 ଇସ୍ରାଏଲର ବାଲ୍ୟ କାଳରେ ଆମ୍ଭେ ତାହାକୁ ସ୍ନେହ କଲୁ
2018-10-25 23:32:14 +00:00
\q ଓ ଆମ୍ଭ ପୁତ୍ରକୁ ମିସରରୁ ଡାକିଲୁ।
2018-02-07 18:38:47 +00:00
\q
\v 2 ମାତ୍ର ଯେତେ ସେମାନଙ୍କୁ ଡାକିଲେ,
\q ସେତେ ସେମାନେ ସେମାନଙ୍କଠାରୁ ଦୂରକୁ ଗଲେ;
\q ସେମାନେ ବାଲ୍‍ଦେବଗଣ ଉଦ୍ଦେଶ୍ୟରେ ବଳିଦାନ କଲେ
2018-10-25 23:32:14 +00:00
\q ଓ ଖୋଦିତ ପ୍ରତିମାଗଣ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇଲେ।
2018-02-07 18:38:47 +00:00
\q
\s5
\v 3 ତଥାପି ଆମ୍ଭେ ଇଫ୍ରୟିମକୁ ଚାଲିବା ପାଇଁ ଶିଖାଇଲୁ;
\q ଆମ୍ଭେ ସେମାନଙ୍କୁ ଆପଣା ବାହୁରେ ବୋହିଲୁ;
2018-10-25 23:32:14 +00:00
\q ମାତ୍ର ଆମ୍ଭେ ଯେ ସେମାନଙ୍କୁ ସୁସ୍ଥ କଲୁ, ଏହା ସେମାନେ ଜାଣିଲେ ନାହିଁ।
2018-02-07 18:38:47 +00:00
\q
\v 4 ଆମ୍ଭେ ମନୁଷ୍ୟର ବନ୍ଧନୀ, ଅର୍ଥାତ୍‍, ପ୍ରେମରଜ୍ଜୁ ଦ୍ୱାରା ସେମାନଙ୍କୁ ଆକର୍ଷଣ କଲୁ
\q ଓ ଆମ୍ଭେ ସେମାନଙ୍କ କଳପାଟିରୁ ଯୁଆଳି ଉଠାଇ ନେବା ଲୋକ ତୁଲ୍ୟ ହେଲୁ
2018-10-25 23:32:14 +00:00
\q ଓ ଆମ୍ଭେ ସେମାନଙ୍କ ଆଗରେ ଖାଦ୍ୟ ରଖିଲୁ।
2018-02-07 18:38:47 +00:00
\q
\s5
\v 5 ସେ ମିସର ଦେଶକୁ ଫେରି ଯିବ ନାହିଁ;
\q ମାତ୍ର ଅଶୂରୀୟ ତାହାର ରାଜା ହେବ,
2018-10-25 23:32:14 +00:00
\q କାରଣ ସେ ଫେରି ଆସିବାକୁ ଅସମ୍ମତ ହେଲା।
2018-02-07 18:38:47 +00:00
\q
\v 6 ପୁଣି, ସେମାନଙ୍କର ନିଜ ମନ୍ତ୍ରଣା ସକାଶୁ
\q ସେମାନଙ୍କ ନଗରସକଳର ଉପରେ ଖଡ୍ଗ ପଡ଼ିବ,
2018-10-25 23:32:14 +00:00
\q ତାହାର ଅର୍ଗଳ ସକଳକୁ ସଂହାର କରିବ ଓ ସେମାନଙ୍କୁ ଗ୍ରାସ କରିବ।
2018-02-07 18:38:47 +00:00
\q
\v 7 ଆମ୍ଭର ଲୋକମାନଙ୍କର ଆମ୍ଭଠାରୁ ବିମୁଖ ହେବାର ପ୍ରବୃତ୍ତି ଅଛି;
\q ଲୋକମାନେ ଊର୍ଦ୍ଧ୍ୱସ୍ଥଙ୍କ ନିକଟକୁ ଆସିବା ପାଇଁ ସେମାନଙ୍କୁ ଡାକିଲେ ମଧ୍ୟ
2018-10-25 23:32:14 +00:00
\q କେହି ତାହାଙ୍କର ପ୍ରଶଂସା କରେ ନାହିଁ।
2018-02-07 18:38:47 +00:00
\q
\s5
2018-10-25 23:32:14 +00:00
\v 8 ହେ ଇଫ୍ରୟିମ, ଆମ୍ଭେ କିପରି ତୁମ୍ଭକୁ ତ୍ୟାଗ କରିବା ?
\q ହେ ଇସ୍ରାଏଲ, ଆମ୍ଭେ କିପରି ତୁମ୍ଭକୁ ସମର୍ପି ଦେବା ?
\q ଆମ୍ଭେ କିପରି ତୁମ୍ଭକୁ ଅଦ୍ମାର ନଗରୀ ତୁଲ୍ୟ କରିବା ?
\q ଆମ୍ଭେ କିପରି ତୁମ୍ଭକୁ ସବୋୟୀମର ନଗରୀ ତୁଲ୍ୟ ରଖିବା ?
2018-02-07 18:38:47 +00:00
\q ଆମ୍ଭ ହୃଦୟ ଆମ୍ଭ ଅନ୍ତରରେ ବ୍ୟାକୁଳ ହେଉଅଛି,
2018-10-25 23:32:14 +00:00
\q ଆମ୍ଭର ବିବିଧ ସ୍ନେହ ଏକତ୍ର ପ୍ରଜ୍ୱଳିତ ହେଉଅଛି।
2018-02-07 18:38:47 +00:00
\q
\v 9 ଆମ୍ଭେ ଆପଣା କ୍ରୋଧର ପ୍ରଚଣ୍ଡତା ସଫଳ କରିବା ନାହିଁ,
\q ଆମ୍ଭେ ଇଫ୍ରୟିମକୁ ବିନାଶ କରିବା ପାଇଁ ଫେରିବା ନାହିଁ;
\q କାରଣ ଆମ୍ଭେ ପରମେଶ୍ୱର ଅଟୁ; ମନୁଷ୍ୟ ନୋହୁଁ;
\q ଆମ୍ଭେ ତୁମ୍ଭର ମଧ୍ୟବର୍ତ୍ତୀ ଧର୍ମସ୍ୱରୂପ ଅଟୁ;
2018-10-25 23:32:14 +00:00
\q ଆମ୍ଭେ ନଗର ମଧ୍ୟରେ ପ୍ରବେଶ କରିବା ନାହିଁ।
2018-02-07 18:38:47 +00:00
\q
\s5
2018-10-25 23:32:14 +00:00
\v 10 ଆମ୍ଭେ ସିଂହ ତୁଲ୍ୟ ଗର୍ଜ୍ଜନ କଲେ,
2018-02-07 18:38:47 +00:00
\q ସେମାନେ ସଦାପ୍ରଭୁଙ୍କର ପଶ୍ଚାଦ୍‍ଗମନ କରିବେ,
2018-10-25 23:32:14 +00:00
\q ଆଉ ଆମ୍ଭେ ଗର୍ଜ୍ଜନ କଲେ
\q ପଶ୍ଚିମ ଦିଗରୁ ସନ୍ତାନମାନେ ଥରଥର ହୋଇ ଆସିବେ।
2018-02-07 18:38:47 +00:00
\q
\v 11 ସେମାନେ ପକ୍ଷୀ ପରି ମିସରରୁ
\q ଓ କପୋତ ପରି ଅଶୂର ଦେଶରୁ ଥରଥର ହୋଇ ଆସିବେ;
\q ପୁଣି, ଆମ୍ଭେ ସେମାନଙ୍କୁ ସେମାନଙ୍କ ଗୃହରେ ବାସ କରାଇବା,
2018-10-25 23:32:14 +00:00
\q ଏହା ପ୍ରଭୁ ସଦାପ୍ରଭୁ କହନ୍ତି।
2018-02-07 18:38:47 +00:00
\q
\s5
\v 12 ଇଫ୍ରୟିମ ମିଥ୍ୟା କଥାରେ ଓ ଇସ୍ରାଏଲ ବଂଶ ପ୍ରବଞ୍ଚନାରେ ଆମ୍ଭକୁ ଘେରୁଅଛନ୍ତି;
\q ମାତ୍ର ଯିହୁଦା ଏବେ ମଧ୍ୟ ପରମେଶ୍ୱରଙ୍କ ସହିତ କର୍ତ୍ତୃତ୍ୱ କରୁଅଛି
2018-10-25 23:32:14 +00:00
\q ଓ ଧର୍ମସ୍ୱରୂପଙ୍କ ସହିତ ବିଶ୍ୱସ୍ତ ହୋଇ ରହିଅଛି।
2018-02-07 18:38:47 +00:00
\s5
\c 12
\q
\v 1 ଇଫ୍ରୟିମ ବାୟୁ ଭୋଜନ କରେ
\q ଓ ପୂର୍ବୀୟ ବାୟୁର ପଛେ ପଛେ ଗମନ କରେ;
\q ସେ ସର୍ବଦା ମିଥ୍ୟା କଥା ଓ ଉପଦ୍ରବ ବୃଦ୍ଧି କରେ
\q ଓ ସେମାନେ ଅଶୂରର ସହିତ ନିୟମ କରନ୍ତି
2018-10-25 23:32:14 +00:00
\q ଓ ମିସରକୁ ତୈଳ ପଠାନ୍ତି।
2018-02-07 18:38:47 +00:00
\s ଯିହୁଦା ଏବଂ ଇସ୍ରାଏଲ ବିରୁଦ୍ଧରେ ପରମେଶ୍ୱରଙ୍କ ଅଭିଯୋଗ
\q
\v 2 ଆହୁରି, ସଦାପ୍ରଭୁଙ୍କ ଓ ଯିହୁଦା ମଧ୍ୟରେ ବିବାଦ ଅଛି,
\q ସେ ଯାକୁବକୁ ତାହାର ଆଚରଣ ଅନୁଯାୟୀ ଦଣ୍ଡ ଦେବେ;
2018-10-25 23:32:14 +00:00
\q ତାହାର କ୍ରିୟାନୁସାରେ ସେ ତାହାକୁ ପ୍ରତିଫଳ ଦେବେ।
2018-02-07 18:38:47 +00:00
\q
\s5
\v 3 ଗର୍ଭରେ ସେ ଆପଣା ଭ୍ରାତାର ପାଦମୂଳ ଧରିଲା
\q ଓ ବୟଃପ୍ରାପ୍ତ ସମୟରେ ସେ ପରମେଶ୍ୱରଙ୍କ ସହିତ ଯୁଦ୍ଧ କଲା;
\q
\v 4 ହଁ, ସେ ଦୂତ ଉପରେ ବଳବାନ ହୋଇ ଜୟ କଲା;
\q ସେ କ୍ରନ୍ଦନ କରି ତାହାଙ୍କ ନିକଟରେ ବିନତି କଲା;
2018-10-25 23:32:14 +00:00
\q ସେ ବେଥେଲ୍‍ରେ ତାହାଙ୍କ ଉଦ୍ଦେଶ୍ୟ ପାଇଲା,
\q ଆଉ ସେଠାରେ ସେ ଆମ୍ଭମାନଙ୍କ ସହିତ କଥା କହିଲେ।
2018-02-07 18:38:47 +00:00
\q
\s5
\v 5 ସେହି ସଦାପ୍ରଭୁ ସୈନ୍ୟାଧିପତି ପରମେଶ୍ୱର;
2018-10-25 23:32:14 +00:00
\q ସଦାପ୍ରଭୁ ତାହାଙ୍କର ସ୍ମରଣୀୟ ନାମ।
2018-02-07 18:38:47 +00:00
\q
\v 6 ଏଥିନିମନ୍ତେ ତୁମ୍ଭେ ଆପଣା ପରମେଶ୍ୱରଙ୍କ ନିକଟକୁ ଫେର;
\q ଦୟା ଓ ନ୍ୟାୟ ବିଚାର ପାଳନ କର
2018-10-25 23:32:14 +00:00
\q ଓ ସର୍ବଦା ତୁମ୍ଭ ପରମେଶ୍ୱରଙ୍କ ଅପେକ୍ଷାରେ ଥାଅ।
2018-02-07 18:38:47 +00:00
\q
\s5
\v 7 ସେ ଜଣେ ବ୍ୟବସାୟୀ ଅଟେ, ତାହାର ହସ୍ତରେ ଛଳନାର ନିକ୍ତି ଅଛି;
2018-10-25 23:32:14 +00:00
\q ସେ ଉପଦ୍ରବ କରିବାକୁ ଭଲ ପାଏ।
2018-02-07 18:38:47 +00:00
\q
\v 8 ପୁଣି, ଇଫ୍ରୟିମ କହିଲା, “ନିଶ୍ଚୟ ମୁଁ ଧନୀ ହୋଇଅଛି,
\q ମୁଁ ଆପଣା ନିମନ୍ତେ ସମ୍ପତ୍ତି ପାଇଅଛି;
2018-10-25 23:32:14 +00:00
\q ମୋ’ର ସବୁ ପରିଶ୍ରମରେ ସେମାନେ ପାପଯୁକ୍ତ କୌଣସି ଅଧର୍ମ ମୋ’ଠାରେ ପାଇବେ ନାହିଁ।”
2018-02-07 18:38:47 +00:00
\p
\s5
\v 9 ମାତ୍ର ମିସର ଦେଶଠାରୁ ଆମ୍ଭେ ସଦାପ୍ରଭୁ ତୁମ୍ଭର ପରମେଶ୍ୱର ଅଟୁ;
2018-10-25 23:32:14 +00:00
\q ଆମ୍ଭେ ମହାପର୍ବ ଦିନର ନ୍ୟାୟ ତୁମ୍ଭକୁ ପୁନର୍ବାର ତମ୍ବୁରେ ବାସ କରାଇବା।
2018-02-07 18:38:47 +00:00
\q
\v 10 ଆହୁରି, ଆମ୍ଭେ ଭବିଷ୍ୟଦ୍‍ବକ୍ତାଗଣ ନିକଟରେ କଥା କହିଅଛୁ
\q ଓ ଆମ୍ଭେ ନାନା ଦର୍ଶନର ବୃଦ୍ଧି କରିଅଛୁ;
2018-10-25 23:32:14 +00:00
\q ଆଉ ଭବିଷ୍ୟଦ୍‍ବକ୍ତାଗଣ ଦ୍ୱାରା ଦୃଷ୍ଟାନ୍ତର କଥା ବ୍ୟବହାର କରିଅଛୁ।
2018-02-07 18:38:47 +00:00
\q
\s5
2018-10-25 23:32:14 +00:00
\v 11 ଯଦି ଗିଲୀୟଦରେ କିଛି ଅଧର୍ମ ଅଛି, ତେବେ ସେମାନେ ସର୍ବତୋଃ ଭାବେ ଅସାର;
2018-02-07 18:38:47 +00:00
\q ଗିଲ୍‍ଗଲ୍‍ରେ ସେମାନେ ବୃଷ ବଳିଦାନ କରନ୍ତି;
2018-10-25 23:32:14 +00:00
\q ହଁ, କ୍ଷେତ୍ରସ୍ଥ ଶିଆରର ଢିପି ପରି ସେମାନଙ୍କର ଯଜ୍ଞବେଦି ଅଛି।
2018-02-07 18:38:47 +00:00
\q
\v 12 ପୁଣି, ଯାକୁବ ଅରାମ ଦେଶକୁ ପଳାଇ ଗଲା
\q ଓ ଇସ୍ରାଏଲ ଭାର୍ଯ୍ୟାର ନିମନ୍ତେ ଦାସ୍ୟକର୍ମ କଲା
2018-10-25 23:32:14 +00:00
\q ଓ ଭାର୍ଯ୍ୟା ନିମନ୍ତେ ମେଷ ଚରାଇଲା।
2018-02-07 18:38:47 +00:00
\q
\s5
\v 13 ସଦାପ୍ରଭୁ ଏକ ଜଣ ଭବିଷ୍ୟଦ୍‍ବକ୍ତା ଦ୍ୱାରା
\q ଇସ୍ରାଏଲକୁ ମିସରରୁ ବାହାର କରି ଆଣିଲେ
2018-10-25 23:32:14 +00:00
\q ଓ ଏକ ଜଣ ଭବିଷ୍ୟଦ୍‍ବକ୍ତା ଦ୍ୱାରା ସେ ରକ୍ଷିତ ହେଲା।
2018-02-07 18:38:47 +00:00
\q
\v 14 ଇଫ୍ରୟିମ ଅତିଶୟ ବିରକ୍ତ କରାଇଅଛି;
\q ଏଥିପାଇଁ ତାହାର ରକ୍ତର ଦୋଷ ତାହା ଉପରେ ରହିବ
2018-10-25 23:32:14 +00:00
\q ଓ ତାହାର ପ୍ରଭୁ ତାହା ଉପରେ ତାହାର ଅପମାନ ବର୍ତ୍ତାଇବେ।
2018-02-07 18:38:47 +00:00
\s5
\c 13
\s ଇସ୍ରାଏଲ ପ୍ରତି ପରମେଶ୍ୱରଙ୍କ କଠୋର ବିଚାର
\q
\v 1 ଇଫ୍ରୟିମ କଥା କହିବା ବେଳେ ଲୋକମାନେ କମ୍ପିତ ହେଲେ;
\q ସେ ଇସ୍ରାଏଲ ମଧ୍ୟରେ ଆପଣାକୁ ଉନ୍ନତ କଲା;
\q ମାତ୍ର ବାଲ୍‍ଦେବ ବିଷୟରେ ଯେତେବେଳେ ସେ ଦୋଷ କଲା,
2018-10-25 23:32:14 +00:00
\q ସେତେବେଳେ ସେ ମଲା।
2018-02-07 18:38:47 +00:00
\q
\v 2 ପୁଣି, ଏବେ ସେମାନେ ଅଧିକ ଅଧିକ ପାପ କରନ୍ତି
\q ଓ ରୂପାର ଢଳା ପ୍ରତିମା, ଅର୍ଥାତ୍‍,
2018-10-25 23:32:14 +00:00
\q ଆପଣା ଆପଣା ବୁଦ୍ଧି ଅନୁସାରେ ଦେବତା ନିର୍ମାଣ କରିଅଛନ୍ତି।
2018-02-07 18:38:47 +00:00
\q ସେସବୁ କାରିଗରର କର୍ମ; ସେହି ସବୁର ବିଷୟରେ ସେମାନେ କହନ୍ତି,
\q ଯେଉଁ ଲୋକମାନେ ବଳିଦାନ କରନ୍ତି,
2018-10-25 23:32:14 +00:00
\q ସେମାନେ ଗୋବତ୍ସ ପ୍ରତିମାଗଣକୁ ଚୁମ୍ବନ କରନ୍ତୁ।
2018-02-07 18:38:47 +00:00
\q
\s5
\v 3 ଏଥିପାଇଁ ସେମାନେ ପ୍ରାତଃକାଳରେ ମେଘ ଓ ପ୍ରତ୍ୟୁଷର ବହିଯିବା କାକର
2018-10-25 23:32:14 +00:00
\q ଓ ଘୂର୍ଣ୍ଣିବାୟୁରେ ଖଳାରୁ ଉଡ଼ିଯିବା ତୁଷ ଓ ନଳ ଦେଇ ବାହାରି ଯିବା ଧୂଆଁ ପରି ହେବେ।
2018-02-07 18:38:47 +00:00
\q
\s5
\v 4 ତଥାପି ମିସର ଦେଶଠାରୁ ଆମ୍ଭେ ସଦାପ୍ରଭୁ ତୁମ୍ଭର ପରମେଶ୍ୱର ଅଟୁ
\q ଓ ତୁମ୍ଭେ ଆମ୍ଭ ଛଡ଼ା ଆଉ କାହାକୁ ପରମେଶ୍ୱର ବୋଲି ଜାଣିବ ନାହିଁ
2018-10-25 23:32:14 +00:00
\q ଓ ଆମ୍ଭ ବ୍ୟତୀତ ଅନ୍ୟ ତ୍ରାଣକର୍ତ୍ତା ନାହିଁ।
2018-02-07 18:38:47 +00:00
\q
2018-10-25 23:32:14 +00:00
\v 5 ଆମ୍ଭେ ପ୍ରାନ୍ତରରେ ଓ ମହାମରୁଭୂମିରେ ତୁମ୍ଭକୁ ଜାଣିଲୁ।
2018-02-07 18:38:47 +00:00
\q
\v 6 ସେମାନେ ଆମ୍ଭମାନଙ୍କ ଚରାଣି ସ୍ଥାନ ଅନୁସାରେ ପରିତୃପ୍ତ ହେଲେ;
\q ସେମାନେ ପରିତୃପ୍ତ ହୋଇ ଅନ୍ତଃକରଣରେ ଗର୍ବିତ ହେଲେ;
2018-10-25 23:32:14 +00:00
\q2 ଏଥିପାଇଁ ସେମାନେ ଆମ୍ଭକୁ ପାସୋରି ଅଛନ୍ତି।
2018-02-07 18:38:47 +00:00
\p
\s5
\v 7 ସେଥିପାଇଁ ଆମ୍ଭେ ସେମାନଙ୍କ ପ୍ରତି ସିଂହ ତୁଲ୍ୟ ହେବୁ;
\q ଆମ୍ଭେ ଚିତାବାଘ ପରି ପଥ ପାର୍ଶ୍ୱରେ ଛକି ବସିବା;
\q
\v 8 ଆମ୍ଭେ ଛୁଆହରା ଭଲ୍ଲୁକୀ ପରି ସେମାନଙ୍କୁ ହାବୁଡ଼ିବା
\q ଓ ସେମାନଙ୍କର ବକ୍ଷକୁ ବିଦୀର୍ଣ୍ଣ କରିବା;
\q ଆଉ, ସିଂହ ନ୍ୟାୟ ଆମ୍ଭେ ସେଠାରେ ସେମାନଙ୍କୁ ଗ୍ରାସ କରିବା;
2018-10-25 23:32:14 +00:00
\q ବନ୍ୟ ପଶୁ ସେମାନଙ୍କୁ ବିଦୀର୍ଣ୍ଣ କରିବ।
2018-02-07 18:38:47 +00:00
\q
\s5
\v 9 ହେ ଇସ୍ରାଏଲ, ତୁମ୍ଭେ ଯେ ଆମ୍ଭର ବିପକ୍ଷ,
2018-10-25 23:32:14 +00:00
\q ତୁମ୍ଭ ସହାୟର ବିପକ୍ଷ ହୋଇଅଛ, ଏହା ତୁମ୍ଭର ସର୍ବନାଶର କାରଣ।
2018-02-07 18:38:47 +00:00
\q
\v 10 ତୁମ୍ଭର ନଗରସମୂହରେ ତୁମ୍ଭକୁ ରକ୍ଷା କରିବା ପାଇଁ ଏବେ ତୁମ୍ଭର ରାଜା କାହିଁ ?
\q ମୋତେ ରାଜା ଓ ଅଧିପତିଗଣ ଦିଅ ବୋଲି ଯେଉଁମାନଙ୍କ ବିଷୟରେ ତୁମ୍ଭେ କହିଲ,
\q ତୁମ୍ଭର ସେହି ବିଚାରକର୍ତ୍ତାଗଣ କାହାନ୍ତି ?
\q
\v 11 ଆମ୍ଭେ ଆପଣା କ୍ରୋଧରେ ତୁମ୍ଭକୁ ରାଜା ଦେଇଅଛୁ
2018-10-25 23:32:14 +00:00
\q ଓ ଆପଣା କୋପରେ ତାହାକୁ ନେଇ ଯାଇଅଛୁ।
2018-02-07 18:38:47 +00:00
\q
\s5
2018-10-25 23:32:14 +00:00
\v 12 ଇଫ୍ରୟିମର ଅଧର୍ମ ବନ୍ଧା ଯାଇଅଛି; ତାହାର ପାପ ସଞ୍ଚିତ ହୋଇଅଛି।
2018-02-07 18:38:47 +00:00
\q
\v 13 ପ୍ରସବକାରିଣୀ ସ୍ତ୍ରୀର ବେଦନା ତାହାକୁ ଆକ୍ରାନ୍ତ କରିବ;
\q ସେ ଅଜ୍ଞାନ ଶିଶୁ; କାରଣ ଶିଶୁମାନଙ୍କର ପ୍ରସବ ଦ୍ୱାରରେ
2018-10-25 23:32:14 +00:00
\q ତାହାର ବିଳମ୍ବ କରି ରହିବାର ଉଚିତ୍ ନୁହେଁ।
2018-02-07 18:38:47 +00:00
\q
\s5
\v 14 ଆମ୍ଭେ ପାତାଳର ପରାକ୍ରମରୁ ସେମାନଙ୍କୁ ଉଦ୍ଧାର କରିବା;
2018-10-25 23:32:14 +00:00
\q ଆମ୍ଭେ ମୃତ୍ୟୁୁରୁ ସେମାନଙ୍କୁ ମୁକ୍ତ କରିବା;
\q ହେ ମୃତ୍ୟୁୁ, ତୁମ୍ଭର ମହାମାରୀ କାହିଁ ?
2018-02-07 18:38:47 +00:00
\q ହେ ପାତାଳ, ତୁମ୍ଭର ସଂହାର କାହିଁ ?
2018-10-25 23:32:14 +00:00
\q ଅନୁତାପ ଆମ୍ଭ ଦୃଷ୍ଟିରୁ ଗୁପ୍ତ ରହିବ।
2018-02-07 18:38:47 +00:00
\q
\s5
\v 15 ଯଦ୍ୟପି ସେ ଆପଣା ଭ୍ରାତୃଗଣ ମଧ୍ୟରେ ଫଳବାନ ହୁଏ,
\q ତଥାପି ପୂର୍ବୀୟ ବାୟୁ ସଦାପ୍ରଭୁଙ୍କର ଶ୍ୱାସ ପ୍ରାନ୍ତରରୁ ଆସିବ,
\q ତହିଁରେ ତାହାର ନିର୍ଝର ଶୁଷ୍କ ହେବ ଓ ତାହାର ଜଳାକାର ଶୁଖିଯିବ;
2018-10-25 23:32:14 +00:00
\q ସେ ତାହାର ଯାବତୀୟ ମନୋହର ପାତ୍ରର ଭଣ୍ଡାର ଲୁଟ କରିବେ।
2018-02-07 18:38:47 +00:00
\q
\s5
\v 16 ଶମରୀୟା ଆପଣା ଦୋଷର ଫଳ ଭୋଗ କରିବ;
\q କାରଣ ସେ ଆପଣା ପରମେଶ୍ୱରଙ୍କର ବିଦ୍ରୋହାଚରଣ କରିଅଛି;
\q ସେମାନେ ଖଡ୍ଗରେ ପତିତ ହେବେ;
\q ସେମାନଙ୍କର ଶିଶୁମାନେ କଚଡ଼ା ଯାଇ ଖଣ୍ଡ ଖଣ୍ଡ ହେବେ;
2018-10-25 23:32:14 +00:00
\q ସେମାନଙ୍କର ଗର୍ଭବତୀ ସ୍ତ୍ରୀମାନେ ଚିରାଯିବେ।
2018-02-07 18:38:47 +00:00
\s5
\c 14
\s ପରମେଶ୍ୱରଙ୍କ ନିକଟକୁ ଫେରି ଆସିବାକୁ ଆହ୍ୱାନ
\q
\v 1 ହେ ଇସ୍ରାଏଲ, ତୁମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ନିକଟକୁ ଫେରି ଆସ;
2018-10-25 23:32:14 +00:00
\q କାରଣ ତୁମ୍ଭେ ଆପଣା ଅଧର୍ମରେ ପତିତ ହୋଇଅଛ।
2018-02-07 18:38:47 +00:00
\q
\v 2 ତୁମ୍ଭେମାନେ ବାକ୍ୟ ସଙ୍ଗରେ ଘେନି ସଦାପ୍ରଭୁଙ୍କ ନିକଟକୁ ଫେରି ଆସ;
\q ତାହାଙ୍କୁ କୁହ, ଅଧର୍ମସକଳ କ୍ଷମା କର ଓ ଯାହା ଉତ୍ତମ, ତାହା ଗ୍ରହଣ କର;
2018-10-25 23:32:14 +00:00
\q ତହିଁରେ ଆମ୍ଭେମାନେ ଆପଣା ଆପଣା ଓଷ୍ଠାଧରର ଉପହାର ବୃଷ ରୂପରେ ଉତ୍ସର୍ଗ କରିବା।
2018-02-07 18:38:47 +00:00
\q
\s5
\v 3 ଅଶୂର ଆମ୍ଭମାନଙ୍କର ପରିତ୍ରାଣ କରିବ ନାହିଁ;
\q ଆମ୍ଭେମାନେ ଅଶ୍ୱାରୋହଣ କରିବା ନାହିଁ;
\q କିଅବା ତୁମ୍ଭେମାନେ ଆମ୍ଭମାନଙ୍କର ଦେବଗଣ ବୋଲି
\q ଆପଣାମାନଙ୍କ ହସ୍ତକୃତ ବସ୍ତୁକୁ ଆଉ କହିବା ନାହିଁ;
2018-10-25 23:32:14 +00:00
\q କାରଣ ପିତୃହୀନ ତୁମ୍ଭ ନିକଟରେ ଦୟା ପ୍ରାପ୍ତ ହୁଏ।
2018-02-07 18:38:47 +00:00
\q
\s5
\v 4 ଆମ୍ଭେ ସେମାନଙ୍କ ବିପଥଗମନର ପ୍ରତିକାର କରିବା,
\q ଆମ୍ଭେ ସ୍ୱଚ୍ଛନ୍ଦରେ ସେମାନଙ୍କୁ ପ୍ରେମ କରିବା;
2018-10-25 23:32:14 +00:00
\q କାରଣ ଆମ୍ଭ କ୍ରୋଧ ତାହାଠାରୁ ନିବୃତ୍ତ ହୋଇଅଛି।
2018-02-07 18:38:47 +00:00
\q
\v 5 ଆମ୍ଭେ ଇସ୍ରାଏଲ ପକ୍ଷରେ କାକର ତୁଲ୍ୟ ହେବା;
2018-10-25 23:32:14 +00:00
\q ସେ କଇଁଫୁଲ ତୁଲ୍ୟ ଫୁଟିବ ଓ ଲିବାନୋନର ତୁଲ୍ୟ ମୂଳ ବାନ୍ଧିବ।
2018-02-07 18:38:47 +00:00
\q
\v 6 ତାହାର ଶାଖାସବୁ ବିସ୍ତାରିତ ହେବ
\q ଓ ତାହାର ଶୋଭା ଜୀତବୃକ୍ଷ ତୁଲ୍ୟ
2018-10-25 23:32:14 +00:00
\q ଓ ତାହାର ସୁବାସ ଲିବାନୋନ ପରି ହେବ।
2018-02-07 18:38:47 +00:00
\q
\s5
\v 7 ତାହାର ଛାୟା ତଳେ ବାସକାରୀମାନେ ଫେରି ଆସିବେ;
\q ସେମାନେ ଶସ୍ୟ ପରି ସଂଜୀବିତ ହେବେ ଓ ଦ୍ରାକ୍ଷାଲତା ପରି ପ୍ରସ୍ପୁଟିତ ହେବେ;
2018-10-25 23:32:14 +00:00
\q ତହିଁର ସୁବାସ ଲିବାନୋନର ଦ୍ରାକ୍ଷାରସ ତୁଲ୍ୟ ହେବ।
2018-02-07 18:38:47 +00:00
\q
\v 8 ଇଫ୍ରୟିମ କହିବ, ପ୍ରତିମାଗଣରେ ମୋର ଆଉ କି କାର୍ଯ୍ୟ ?
\q ଆମ୍ଭେ ଉତ୍ତର ଦେଇଅଛୁ ଓ ତାହା ବିଷୟରେ ମନୋଯୋଗ କରିବା;
2018-10-25 23:32:14 +00:00
\q ଆମ୍ଭେ ସତେଜ ଦେବଦାରୁ ବୃକ୍ଷ ତୁଲ୍ୟ; ଆମ୍ଭଠାରୁ ତୁମ୍ଭର ଫଳପ୍ରାପ୍ତି ହୁଏ।
2018-02-07 18:38:47 +00:00
\q
\s5
2018-10-25 23:32:14 +00:00
\v 9 ଜ୍ଞାନବାନ କିଏ ? ସେ ଏହିସବୁ ବିଷୟ ବୁଝିବ।
2018-02-07 18:38:47 +00:00
\q ବୁଦ୍ଧିମାନ କିଏ ? ସେ ଏସବୁ ଜାଣିବ,
\q କାରଣ ସଦାପ୍ରଭୁଙ୍କର ପଥସକଳ ସରଳ, ଧାର୍ମିକମାନେ ତହିଁରେ ଗମନ କରିବେ;
2018-10-25 23:32:14 +00:00
\q ମାତ୍ର ଆଜ୍ଞା-ଲଙ୍ଘନକାରୀମାନେ ତହିଁ ମଧ୍ୟରେ ପତିତ ହେବେ।