or_ulb/11-1KI.usfm

1456 lines
319 KiB
Plaintext
Raw Permalink Blame History

This file contains ambiguous Unicode characters

This file contains Unicode characters that might be confused with other characters. If you think that this is intentional, you can safely ignore this warning. Use the Escape button to reveal them.

\id 1KI - Odia Old Version Revision
\ide UTF-8
\rem Copyright Information Creative Commons Attribution- ShareAlike 4.0 License
\h ପ୍ରଥମ ରାଜାବଳୀ
\toc1 ରାଜାବଳୀର ପ୍ରଥମ ପୁସ୍ତକ
\toc2 ପ୍ରଥମ ରାଜାବଳୀ
\toc3 1ki
\mt1 ରାଜାବଳୀର ପ୍ରଥମ ପୁସ୍ତକ
\s5
\c 1
\s ରାଜା ଦାଉଦଙ୍କ ବୃଦ୍ଧାବସ୍ଥା
\p
\v 1 ଏଥିଉତ୍ତାରେ ଦାଉଦ ରାଜା ବୃଦ୍ଧ ଓ ଗତବୟସ୍କ ହେଲେ; ତହିଁରେ ଲୋକମାନେ ତାଙ୍କୁ ଅନେକ ବସ୍ତ୍ର ଘୋଡ଼ାଇଲେ, ମାତ୍ର ସେ କିଛି ଉଷ୍ଣତା ପାଇଲେ ନାହିଁ।
\v 2 ଏଥିପାଇଁ, ତାଙ୍କ ଦାସମାନେ ତାଙ୍କୁ କହିଲେ, ଆମ୍ଭମାନଙ୍କ ପ୍ରଭୁ ମହାରାଜଙ୍କ ନିମନ୍ତେ ଗୋଟିଏ ଯୁବତୀ କନ୍ୟା ଅନ୍ୱେଷଣ କରାଯାଉ ଓ ସେ ମହାରାଜଙ୍କ ଛାମୁରେ ଠିଆ ହୋଇ ସେବା କରୁ; ଆଉ ଆମ୍ଭମାନଙ୍କ ପ୍ରଭୁ ମହାରାଜ ଯେପରି ଉଷ୍ଣତା ପାଇବେ, ଏଥିପାଇଁ ସେ ଆପଣଙ୍କ କୋଳରେ ଶୟନ କରୁ।
\s5
\v 3 ତହିଁରେ ଲୋକମାନେ ଇସ୍ରାଏଲର ସମସ୍ତ ଅଞ୍ଚଳରେ ସୁନ୍ଦରୀ କନ୍ୟାର ଅନ୍ୱେଷଣ କରି ଶୁନେମୀୟା ଅବୀଶଗ ନାମକ ଏକ କନ୍ୟାକୁ ପାଇ ରାଜାଙ୍କ ନିକଟକୁ ଆଣିଲେ।
\v 4 ସେହି ଯୁବତୀ ଅତି ସୁନ୍ଦରୀ ଥିଲା ଓ ସେ ରାଜାଙ୍କର ସେବା ଓ ପରିଚର୍ଯ୍ୟା କଲା; ମାତ୍ର ରାଜା ତାହାର ସହବାସ କଲେ ନାହିଁ।
\s ଅଦୋନୀୟର ରାଜ୍ୟ ଦାବୀ
\p
\s5
\v 5 ଏହି ସମୟରେ ହଗୀତର ପୁତ୍ର ଅଦୋନୀୟ ଆପଣାକୁ ବଡ଼ କରି କହିଲା, “ମୁଁ ରାଜା ହେବି,” ଏଣୁ ସେ ଆପଣା ପାଇଁ ରଥ ଓ ଅଶ୍ୱାରୋହୀଗଣ ଓ ଆପଣା ଆଗେ ଆଗେ ଦୌଡ଼ିବା ପାଇଁ ପଚାଶ ଜଣ ଦେହରକ୍ଷୀକୁ ପ୍ରସ୍ତୁତ କଲେ।
\v 6 ମାତ୍ର, ତୁମ୍ଭେ କାହିଁକି ଏପରି କରୁଅଛ ବୋଲି କହି ତାହାର ପିତା ତାହାକୁ କୌଣସି ସମୟରେ ଅସନ୍ତୁଷ୍ଟ କରି ନ ଥିଲେ। ମଧ୍ୟ ସେ ଅତି ସୁନ୍ଦର ପୁରୁଷ ଓ ଅବଶାଲୋମ ଉତ୍ତାରେ ଜାତ ହୋଇଥିଲା।
\s5
\v 7 ପୁଣି, ସେ ସରୁୟାର ପୁତ୍ର ଯୋୟାବ ଓ ଅବୀୟାଥର ଯାଜକ ସହିତ ପରାମର୍ଶ କଲା; ଆଉ ସେମାନେ ଅଦୋନୀୟର ଅନୁଗତ ହୋଇ ତାହାକୁ ସାହାଯ୍ୟ କଲେ।
\v 8 ମାତ୍ର, ସାଦୋକ ଯାଜକ ଓ ଯିହୋୟାଦାର ପୁତ୍ର ବନାୟ ଓ ନାଥନ ଭବିଷ୍ୟଦ୍‍ବକ୍ତା ଓ ଶିମୀୟି ଓ ରେୟି ଓ ଦାଉଦଙ୍କର ବୀରଗଣ ଅଦୋନୀୟର ପକ୍ଷ ନ ଥିଲେ।
\s5
\v 9 ଏଉତ୍ତାରେ ଅଦୋନୀୟ ଐନ୍‍-ରୋଗେଲର ପାର୍ଶ୍ଵସ୍ଥ ସୋହେଲତ୍‍-ପ୍ରସ୍ତର ନିକଟରେ ମେଷ, ବୃଷ ଓ ପୁଷ୍ଟ ପଶୁମାନଙ୍କୁ ମାରି ଆପଣା ଭ୍ରାତା ସମସ୍ତ ରାଜପୁତ୍ରଙ୍କୁ ଓ ରାଜାଙ୍କ ଦାସ ଯିହୁଦାର ସମସ୍ତ ଲୋକଙ୍କୁ ନିମନ୍ତ୍ରଣ କଲେ।
\v 10 ମାତ୍ର, ନାଥନ ଭବିଷ୍ୟଦ୍‍ବକ୍ତାଙ୍କୁ ଓ ବନାୟକୁ ଓ ବୀରମାନଙ୍କୁ ଓ ଆପଣା ଭାଇ ଶଲୋମନକୁ ସେ ନିମନ୍ତ୍ରଣ କଲେ ନାହିଁ।
\s ଶଲୋମନ ରାଜା ଅଭିଷିକ୍ତ
\p
\s5
\v 11 ଏଥିରେ ନାଥନ ଶଲୋମନଙ୍କର ମାତା ବତ୍‍ଶେବାକୁ କହିଲେ, “ଆମ୍ଭମାନଙ୍କ ପ୍ରଭୁ ଦାଉଦଙ୍କ ଅଜ୍ଞାତସାରରେ ହଗୀତର ପୁତ୍ର ଅଦୋନୀୟ ରାଜା ହୋଇଅଛି, ଏହା କ’ଣ ତୁମ୍ଭେ ଶୁଣି ନାହଁ ?
\v 12 ଏହେତୁ ବିନୟ କରୁଅଛି, ଏବେ ଆସ, ମୁଁ ତୁମ୍ଭକୁ ପରାମର୍ଶ ଦେବି; ତହିଁରେ ତୁମ୍ଭେ ଆପଣା ପ୍ରାଣ ଓ ଆପଣା ପୁତ୍ର ଶଲୋମନର ପ୍ରାଣ ରକ୍ଷା କରିବ।
\s5
\v 13 ତୁମ୍ଭେ ଦାଉଦ ରାଜାଙ୍କ ନିକଟକୁ ଯାଇ ତାଙ୍କୁ କୁହ, ‘ହେ ମୋହର ପ୍ରଭୁ, ମହାରାଜ, ଆପଣ କି ଶପଥ କରି ଆପଣା ଦାସୀକୁ କହି ନାହାନ୍ତି, “ମୋ’ ଉତ୍ତାରେ ତୁମ୍ଭ ପୁତ୍ର ଶଲୋମନ ନିଶ୍ଚୟ ରାଜ୍ୟ କରିବ ଓ ସେ ମୋ’ ସିଂହାସନରେ ବସିବ ?” ତେବେ, କାହିଁକି ଅଦୋନୀୟ ରାଜା ହୋଇଅଛି ?
\v 14 ଦେଖ, ତୁମ୍ଭେ ରାଜାଙ୍କ ସଙ୍ଗେ କଥାବାର୍ତ୍ତା କରୁଥିବା ବେଳେ ମୁଁ ମଧ୍ୟ ତୁମ୍ଭ ପଛେ ଯାଇ ତୁମ୍ଭ କଥା ଦୃଢ଼ କରିବି।
\s5
\v 15 ଏଥିରେ ବତ୍‍ଶେବା କୋଠରି ଭିତରେ ରାଜାଙ୍କ ନିକଟକୁ ଗଲା; ସେହି ସମୟରେ ରାଜା ଅତି ବୃଦ୍ଧ ଥିଲେ; ଆଉ ଶୁନେମୀୟା ଅବୀଶଗ ରାଜାଙ୍କର ପରିଚର୍ଯ୍ୟା କରୁଥିଲା।
\v 16 ତହୁଁ ବତ୍‍ଶେବା ନଇଁପଡ଼ି ରାଜାଙ୍କୁ ପ୍ରଣାମ କଲା। ତହିଁରେ ରାଜା ପଚାରିଲେ, “ତୁମ୍ଭେ କଅଣ ଇଚ୍ଛା କରୁଅଛ ?”
\v 17 ଏଥିରେ ସେ ତାଙ୍କୁ କହିଲା, “ହେ ମୋହର ପ୍ରଭୁ, ଆପଣ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ନାମରେ ଆପଣା ଦାସୀ ନିକଟରେ ଶପଥ କରିଥିଲେ ଯେ, ମୋ’ ଉତ୍ତାରେ ତୁମ୍ଭ ପୁତ୍ର ଶଲୋମନ ନିଶ୍ଚୟ ରାଜ୍ୟ କରିବ ଓ ସେ ମୋ’ ସିଂହାସନରେ ବସିବ।”
\s5
\v 18 ମାତ୍ର, ଏବେ ଦେଖନ୍ତୁ, ଅଦୋନୀୟ ରାଜ୍ୟ କରୁଅଛି, ଆଉ ମୋ’ ପ୍ରଭୁ ମହାରାଜ ତାହା ଜାଣନ୍ତି ନାହିଁ।
\v 19 ଆଉ, ସେ ଅନେକ ବୃଷ, ପୁଷ୍ଟ ପଶୁ ଓ ମେଷ ମାରି ମହାରାଜଙ୍କ ସମସ୍ତ ପୁତ୍ରଙ୍କୁ ଓ ଅବୀୟାଥର ଯାଜକଙ୍କୁ ଓ ଯୋୟାବ ସେନାପତିଙ୍କୁ ନିମନ୍ତ୍ରଣ କରିଅଛନ୍ତି; ମାତ୍ର, ଆପଣଙ୍କ ଦାସ ଶଲୋମନକୁ ନିମନ୍ତ୍ରଣ କରି ନାହିଁ।
\s5
\v 20 ପୁଣି, ହେ ମୋହର ପ୍ରଭୁ, ମହାରାଜ, ମୋହର ପ୍ରଭୁ ମହାରାଜଙ୍କ ସିଂହାସନରେ ତାଙ୍କ ଉତ୍ତାରେ କିଏ ବସିବ, ଏହା ଯେପରି ଆପଣ ସମଗ୍ର ଇସ୍ରାଏଲକୁ କହିବେ, ଏଥିପାଇଁ ସେମାନଙ୍କ ଦୃଷ୍ଟି ଆପଣଙ୍କ ଉପରେ ଅଛି।
\v 21 ନୋହିଲେ ମୋ’ ପ୍ରଭୁ ମହାରାଜ ଆପଣା ପିତୃଲୋକମାନଙ୍କ ସହିତ ଶୟନ
\f +
\fr 1:21
\ft ଅର୍ଥାତ୍ ମଲାପରେ
\f* କଲା ଉତ୍ତାରେ ମୁଁ ଓ ମୋ’ ପୁତ୍ର ଶଲୋମନ ଦୋଷୀ ଗଣିତ ହେବୁ।
\s5
\v 22 ଆଉ, ସେ ରାଜାଙ୍କ ସହିତ କଥାବାର୍ତ୍ତା କରୁଥିବା ସମୟରେ, ଦେଖ, ନାଥନ ଭବିଷ୍ୟଦ୍‍ବକ୍ତା ଉପସ୍ଥିତ ହେଲେ।
\v 23 ଏଣୁ, ସେମାନେ ରାଜାଙ୍କୁ କହିଲେ, “ଦେଖନ୍ତୁ, ଏହି ନାଥନ ଭବିଷ୍ୟଦ୍‍ବକ୍ତା। ତହିଁରେ ସେ ରାଜାଙ୍କ ସମ୍ମୁଖକୁ ଆସି ଭୂମିଷ୍ଠ ହୋଇ ରାଜାଙ୍କୁ ପ୍ରଣାମ କଲେ।”
\s5
\v 24 ପୁଣି, ନାଥନ କହିଲେ, “ହେ ମୋହର ପ୍ରଭୁ ମହାରାଜ, ମୋ’ ଉତ୍ତାରେ ଅଦୋନୀୟ ରାଜ୍ୟ କରିବ ଓ ମୋ’ ସିଂହାସନରେ ବସିବ, ଏହା କଅଣ ଆପଣ କହିଅଛନ୍ତି ?”
\v 25 କାରଣ, ସେ ଆଜି ଯାଇ ଅନେକ ବୃଷ, ପୁଷ୍ଟ ପଶୁ ଓ ମେଷ ମାରି ରାଜପୁତ୍ର ସମସ୍ତଙ୍କୁ ଓ ସେନାପତିମାନଙ୍କୁ ଓ ଅବୀୟାଥର ଯାଜକଙ୍କୁ ନିମନ୍ତ୍ରଣ କରିଅଛନ୍ତି; ଆଉ ଦେଖନ୍ତୁ, ସେମାନେ ତାହା ସାକ୍ଷାତରେ ଭୋଜନପାନ କରି କହୁଅଛନ୍ତି, ଅଦୋନୀୟ ରାଜା ଚିରଜୀବୀ ହେଉନ୍ତୁ।
\s5
\v 26 ମାତ୍ର, ଆପଣଙ୍କ ଦାସ ଯେ ମୁଁ, ମୋତେ ଓ ସାଦୋକ ଯାଜକଙ୍କୁ ଓ ଯିହୋୟାଦାର ପୁତ୍ର ବନାୟକୁ ଓ ଆପଣଙ୍କ ଦାସ ଶଲୋମନକୁ ସେ ନିମନ୍ତ୍ରଣ କରି ନାହାନ୍ତି।
\v 27 ଏହି କର୍ମ କି ମୋ’ ପ୍ରଭୁ ମହରାଜଙ୍କ ଦ୍ୱାରା ହେଲା, ଆଉ ମୋ’ ପ୍ରଭୁ ମହାରାଜଙ୍କ ସିଂହାସନରେ ତାଙ୍କ ଉତ୍ତାରେ କିଏ ବସିବ, ଏହା ଆପଣ ନିଜ ଦାସମାନଙ୍କୁ ଜଣାଇ ନାହାନ୍ତି ?
\s5
\v 28 ତେବେ, ଦାଉଦ ରାଜା ଉତ୍ତର କରି କହିଲେ, “ବତ୍‍ଶେବାକୁ ମୋ’ ନିକଟକୁ ଡାକ। ତହୁଁ ସେ ରାଜାଙ୍କ ଛାମୁକୁ ଆସି ରାଜାଙ୍କ ଛାମୁରେ ଠିଆ ହେଲା।”
\v 29 ଏଥିରେ ରାଜା ଶପଥ କରି କହିଲେ, “ମୁଁ ଅବଶ୍ୟ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ନାମରେ
\v 30 ଯେପରି ତୁମ୍ଭ ନିକଟରେ ଶପଥ କରିଅଛି ଯେ, ମୋ’ ଉତ୍ତାରେ ତୁମ୍ଭ ପୁତ୍ର ଶଲୋମନ ନିଶ୍ଚୟ ରାଜା ହେବ ଓ ମୋ’ ପଦରେ ମୋ’ ସିଂହାସନରେ ବସିବ, ସବୁ କ୍ଳେଶରୁ ମୋ’ ପ୍ରାଣ ମୁକ୍ତକାରୀ ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ମୁଁ ଅବଶ୍ୟ ଆଜି ସେପରି କରିବି।”
\v 31 ତହୁଁ ବତ୍‍ଶେବା ଭୂମିରେ ମୁହଁ ମାଡ଼ି ରାଜାଙ୍କୁ ପ୍ରଣାମ କରି କହିଲା, “ମୋ’ ପ୍ରଭୁ ମହାରାଜ ଦାଉଦ ଚିରଜୀବୀ ହେଉନ୍ତୁ।”
\s5
\v 32 ଏଥିରେ ଦାଉଦ ରାଜା କହିଲେ, “ସାଦୋକ ଯାଜକଙ୍କୁ ଓ ନାଥନ ଭବିଷ୍ୟଦ୍‍ବକ୍ତାଙ୍କୁ ଓ ଯିହୋୟାଦାର ପୁତ୍ର ବନାୟକୁ ମୋ’ ନିକଟକୁ ଡାକ।” ଏଣୁ, ସେମାନେ ରାଜାଙ୍କ ସମ୍ମୁଖକୁ ଆସିଲେ।
\v 33 ତହିଁରେ, ରାଜା ସେମାନଙ୍କୁ କହିଲେ, “ତୁମ୍ଭେମାନେ ଆପଣା ପ୍ରଭୁଙ୍କ ଦାସମାନଙ୍କୁ ସଙ୍ଗେ ନେଇ ଓ ମୋ’ ପୁତ୍ର ଶଲୋମନକୁ ମୋ’ ନିଜ ଖଚରରେ ଆରୋହଣ କରାଇ ଗୀହୋନ ଝରଣାକୁ ନେଇ ଯାଅ।”
\v 34 ଆଉ, ସେଠାରେ ସାଦୋକ ଯାଜକ ଓ ନାଥନ ଭବିଷ୍ୟଦ୍‍ବକ୍ତା ତାହାକୁ ଇସ୍ରାଏଲ ଉପରେ ରାଜାଭିଷିକ୍ତ କରନ୍ତୁ; ପୁଣି, ତୁମ୍ଭେମାନେ ତୂରୀ ବଜାଇ କୁହ, ଶଲୋମନ ରାଜା ଚିରଜୀବୀ ହେଉନ୍ତୁ।
\s5
\v 35 ତହିଁ ଉତ୍ତାରେ ତୁମ୍ଭେମାନେ ତାହାର ପଛେ ପଛେ ଆସ ଓ ସେ ଆସି ମୋ’ ସିଂହାସନରେ ବସୁ; କାରଣ, ସେ ମୋ’ ପଦରେ ରାଜା ହେବ; ଆଉ, ମୁଁ ତାହାକୁ ଇସ୍ରାଏଲ ଓ ଯିହୁଦାର ଅଗ୍ରଣୀ କରି ନିଯୁକ୍ତ କରିଅଛି।
\v 36 ଏଥିରେ ଯିହୋୟାଦାର ପୁତ୍ର ବନାୟ ରାଜାଙ୍କୁ ଉତ୍ତର କରି କହିଲା, “ଆମେନ୍‍,” ମୋ’ ପ୍ରଭୁ ମହାରାଜଙ୍କୁ ସଦାପ୍ରଭୁ ପରମେଶ୍ୱର ମଧ୍ୟ ଏପରି କହନ୍ତୁ।
\v 37 ସଦାପ୍ରଭୁ ଯେପରି ମୋ’ ପ୍ରଭୁ ମହାରାଜାଙ୍କର ସହବର୍ତ୍ତୀ ହୋଇଅଛନ୍ତି, ସେହିପରି ଶଲୋମନଙ୍କର ସହବର୍ତ୍ତୀ ହେଉନ୍ତୁ ଓ ସେ ମୋ’ ପ୍ରଭୁ ମହାରାଜ ଦାଉଦଙ୍କ ସିଂହାସନ ଅପେକ୍ଷା ତାଙ୍କ ସିଂହାସନ ବଡ଼ କରନ୍ତୁ।
\s5
\v 38 ଏଥିରେ ସାଦୋକ ଯାଜକ, ନାଥନ ଭବିଷ୍ୟଦ୍‍ବକ୍ତା, ଯିହୋୟାଦାର ପୁତ୍ର ବନାୟ, କରେଥୀୟ ଓ ପଲେଥୀୟ ଲୋକମାନେ ଯାଇ ଶଲୋମନଙ୍କୁ ଦାଉଦ ରାଜାଙ୍କର ଖଚର ଉପରେ ଆରୋହଣ କରାଇ ଗୀହୋନକୁ ଆଣିଲେ।
\v 39 ପୁଣି, ସାଦୋକ ଯାଜକ ତମ୍ବୁ ମଧ୍ୟରୁ ତୈଳପୂର୍ଣ୍ଣ ଶୃଙ୍ଗ ନେଇ ଶଲୋମନଙ୍କୁ ଅଭିଷେକ କଲେ। ତହୁଁ ଲୋକମାନେ ତୂରୀ ବଜାନ୍ତେ, ସମସ୍ତେ କହିଲେ, “ଶଲୋମନ ରାଜା ଚିରଜୀବୀ ହେଉନ୍ତୁ।”
\v 40 ଆଉ, ସମସ୍ତ ଲୋକ ତାହାଙ୍କ ପଛେ ପଛେ ଉଠି ଆସିଲେ ଓ ଲୋକମାନେ ବଂଶୀ ବଜାଇ ଏପରି ମହାହର୍ଷନାଦ କଲେ ଯେ, ସେମାନଙ୍କ ଶବ୍ଦରେ ପୃଥିବୀ ବିଦୀର୍ଣ୍ଣ ହେଲା।
\s5
\v 41 ପୁଣି, ଅଦୋନୀୟ ଓ ତାହାର ସଙ୍ଗୀ ନିମନ୍ତ୍ରିତ ସମସ୍ତ ଲୋକ ଭୋଜନ ଶେଷ କରିବା ସମୟରେ ତାହା ଶୁଣିଲେ। ଆଉ, ଯୋୟାବ ତୂରୀ ଶବ୍ଦ ଶୁଣି ପଚାରିଲା, ନଗରରେ ଏହି କୋଳାହଳ ଶବ୍ଦ କାହିଁକି ହେଉଅଛି ?
\v 42 ସେ ଏପରି କହୁଥିବା ସମୟରେ, ଦେଖ, ଅବୀୟାଥର ଯାଜକର ପୁତ୍ର ଯୋନାଥନ ଉପସ୍ଥିତ ହେଲା; ତହିଁରେ ଅଦୋନୀୟ କହିଲା, “ଭିତରକୁ ଆସ; କାରଣ ତୁମ୍ଭେ ଯୋଗ୍ୟ ପୁରୁଷ ଓ ସୁସମାଚାର ଆଣିଥିବ।”
\s5
\v 43 ତହିଁରେ ଯୋନାଥନ ଅଦୋନୀୟକୁ ଉତ୍ତର କରି କହିଲା, “ସତ୍ୟ, ଆମ୍ଭମାନଙ୍କ ପ୍ରଭୁ ଦାଉଦ ରାଜା ଶଲୋମନଙ୍କୁ ରାଜା କରିଅଛନ୍ତି;
\v 44 ପୁଣି, ରାଜା ସାଦୋକ ଯାଜକଙ୍କୁ, ନାଥନ ଭବିଷ୍ୟଦ୍‍ବକ୍ତାଙ୍କୁ ଓ ଯିହୋୟାଦାର ପୁତ୍ର ବନାୟକୁ, ପୁଣି, କରେଥୀୟ ଓ ପଲେଥୀୟମାନଙ୍କୁ ତାଙ୍କ ସଙ୍ଗେ ପଠାଇଲେ ଓ ସେମାନେ ତାଙ୍କୁ ରାଜାଙ୍କ ନିଜ ଖଚରରେ ଆରୋହଣ କରାଇଲେ;
\v 45 ଆଉ, ସାଦୋକ ଯାଜକ ଓ ନାଥନ ଭବିଷ୍ୟଦ୍‍ବକ୍ତା ତାଙ୍କୁ ଗୀହୋନରେ ରାଜାଭିଷିକ୍ତ କଲେ ଓ ସେମାନେ ସେଠାରୁ ଏପରି ଆନନ୍ଦ କରି କରି ଆସିଲେ ଯେ, ତହିଁର ଶବ୍ଦରେ ନଗରରେ କୋଳାହଳ ହେଲା। ତୁମ୍ଭେମାନେ ଯାହା ଶୁଣିଲ, ତାହା ସେହି ଶବ୍ଦ।
\s5
\v 46 ଶଲୋମନ ମଧ୍ୟ ରାଜ୍ୟର ସିଂହାସନରେ ବସୁଅଛନ୍ତି।
\v 47 ଆହୁରି ରାଜାଙ୍କର ଦାସମାନେ ଆମ୍ଭମାନଙ୍କ ପ୍ରଭୁ ଦାଉଦ ରାଜାଙ୍କର ମଙ୍ଗଳବାଦ କରିବାକୁ ଆସି କହିଲେ, ‘ଆପଣଙ୍କ ପରମେଶ୍ୱର ଆପଣଙ୍କ ନାମ ଅପେକ୍ଷା ଶଲୋମନଙ୍କ ନାମ ଅଧିକ କରନ୍ତୁ ଓ ଆପଣଙ୍କ ସିଂହାସନ ଅପେକ୍ଷା ତାଙ୍କ ସିଂହାସନ ବଡ଼ କରନ୍ତୁ, ତହିଁରେ ରାଜା ଶଯ୍ୟାରେ ଥାଇ ପ୍ରଣାମ କଲେ।
\v 48 ଆଉ, ମଧ୍ୟ ରାଜା ଏପରି କହିଲେ, ‘ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଧନ୍ୟ, ସେ ଆଜି ମୋ’ ସିଂହାସନରେ ବସିବା ପାଇଁ ଜଣକୁ ଯୋଗାଇଲେ, ଏହା ହିଁ ମୋହର ଚକ୍ଷୁ ଦେଖିଲା।’”
\s5
\v 49 ଏଥିରେ ଅଦୋନୀୟର ନିମନ୍ତ୍ରିତ ଲୋକ ସମସ୍ତେ ଭୀତ ହେଲେ, ପୁଣି, ଉଠି ପ୍ରତ୍ୟେକେ ଆପଣା ଆପଣା ବାଟରେ ଚାଲିଗଲେ।
\v 50 ଆଉ, ଅଦୋନୀୟ ଶଲୋମନଙ୍କ ସକାଶୁ ଭୀତ ହେଲା ଓ ସେ ଉଠିଯାଇ ଯଜ୍ଞବେଦିର ଶୃଙ୍ଗ ଧରିପକାଇଲା।
\f +
\fr 1:50
\fq ଯଜ୍ଞବେଦିର ଶୃଙ୍ଗ ଧରିପକାଇଲା।
\ft କାରଣ ଯେ କୌଣସି ବ୍ୟକ୍ତି ଯଜ୍ଞବେଦିର ଶୃଙ୍ଗ ଧରିପକାଏ ସେ ମୃତ୍ୟୁରୁ ରକ୍ଷା ପାଏ (ଯାତ୍ରା. ୨୧:୧୩-୧୪)
\f*
\v 51 ଏଉତ୍ତାରେ କେହି ଶଲୋମନଙ୍କୁ ଜଣାଇ କହିଲା, “ଦେଖନ୍ତୁ, ଶଲୋମନ ରାଜାଙ୍କୁ ଅଦୋନୀୟ ଭୟ କରୁଅଛି; କାରଣ, ସେ ଯଜ୍ଞବେଦିର ଶୃଙ୍ଗ ଅବଲମ୍ବନ କରି କହୁଅଛି, ‘ଶଲୋମନ ରାଜା ଯେ ଆପଣା ଦାସକୁ ଖଡ୍ଗରେ ବଧ କରିବେ ନାହିଁ, ଏହା ସେ ଆଜି ମୋ’ ନିକଟରେ ଶପଥ କରନ୍ତୁ।’”
\s5
\v 52 ତହିଁରେ ଶଲୋମନ କହିଲେ, “ଯେବେ ସେ ଆପଣାକୁ ଯୋଗ୍ୟ ଲୋକ ଦେଖାଇବ, ତେବେ ତାହାର ଏକ କେଶ ହିଁ ଭୂମିରେ ପଡ଼ିବ ନାହିଁ; ମାତ୍ର, ତାହାଠାରେ ଦୁଷ୍ଟତା ଦେଖାଗଲେ, ସେ ମରିବ।”
\v 53 ତହୁଁ ଶଲୋମନ ରାଜା ଲୋକ ପଠାନ୍ତେ, ସେମାନେ ତାହାକୁ ଯଜ୍ଞବେଦିରୁ ଓହ୍ଲାଇ ଆଣିଲେ। ତହିଁରେ ସେ ଆସି ଶଲୋମନ ରାଜାଙ୍କୁ ପ୍ରଣାମ କଲା, ପୁଣି, ଶଲୋମନ ତାହାକୁ କହିଲେ, “ଆପଣା ଘରକୁ ଯାଅ।”
\s5
\c 2
\s ଶଲୋମନଙ୍କୁ ଦାଉଦଙ୍କ ଶେଷ ପରାମର୍ଶ
\p
\v 1 ଏଥିଉତ୍ତାରେ ଦାଉଦଙ୍କର ମରଣକାଳ ସନ୍ନିକଟ ହୁଅନ୍ତେ, ସେ ଆପଣା ପୁତ୍ର ଶଲୋମନଙ୍କୁ ଆଜ୍ଞା ଦେଇ କହିଲେ,
\v 2 “ମୁଁ ସମଗ୍ର ମର୍ତ୍ତ୍ୟର ମାର୍ଗରେ ଯାଉଅଛି;
\f +
\fr 2:2
\ft ଅର୍ଥାତ୍ ମୋ’ର ମୃତ୍ୟୁ ସମୟ ଅତି ନିକଟ ହେଉଅଛି
\f* ଏହେତୁ ତୁମ୍ଭେ ବଳବାନ ହୁଅ ଓ ପୁରୁଷତ୍ୱ ପ୍ରକାଶ କର।
\v 3 ତୁମ୍ଭେ ଯାହା ଯାହା କରିବ ଓ ଯେକୌଣସି ସ୍ଥାନକୁ ଯିବ, ସେହିସବୁରେ ଯେପରି କୁଶଳପ୍ରାପ୍ତ ହୁଅ, ଏଥିପାଇଁ ମୋଶାଙ୍କ ବ୍ୟବସ୍ଥାଲିଖିତ ବାକ୍ୟାନୁସାରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ବିଧି ଓ ଆଜ୍ଞା ଓ ଶାସନ ଓ ପ୍ରମାଣ-ବାକ୍ୟ ପାଳନ କରି ତାହାଙ୍କ ପଥରେ ଚାଲ ଓ ତାହାଙ୍କର ରକ୍ଷଣୀୟ ରକ୍ଷା କର;
\v 4 ତହିଁରେ ସଦାପ୍ରଭୁ ମୋ’ ବିଷୟରେ ଯାହା କହିଅଛନ୍ତି, ଯଥା, ଯଦି ତୁମ୍ଭ ସନ୍ତାନମାନେ ସମସ୍ତ ଅନ୍ତଃକରଣ ଓ ସମସ୍ତ ପ୍ରାଣ ସହିତ ଆମ୍ଭ ଛାମୁରେ ସତ୍ୟାଚରଣ କରିବାକୁ ଆପଣା ଆପଣା ପଥରେ ସାବଧାନ ହେବେ, ତେବେ ଇସ୍ରାଏଲର ସିଂହାସନରେ ବସିବାକୁ ତୁମ୍ଭ ବଂଶରେ ଲୋକର ଅଭାବ ନୋହିବ, ସେ ଆପଣାର ଏହି ବାକ୍ୟ ସଫଳ କରିବେ।”
\s5
\v 5 ଆହୁରି ସରୁୟାର ପୁତ୍ର ଯୋୟାବ ମୋ’ ପ୍ରତି ଯାହା କରିଅଛି, ପୁଣି, ଇସ୍ରାଏଲର ଦୁଇ ସେନାପତି, ନେର୍‍ର ପୁତ୍ର ଅବ୍‍ନର ଓ ଯେଥରର ପୁତ୍ର ଅମାସା ପ୍ରତି ଯାହା କରିଅଛି, ତାହା ତୁମ୍ଭେ ଜାଣ; ସେ ସେମାନଙ୍କୁ ବଧ କରି ସନ୍ଧି ସମୟରେ ଯୁଦ୍ଧ ସମୟର ନ୍ୟାୟ ରକ୍ତପାତ କଲା ଓ ସେହି ଯୁଦ୍ଧଯୋଗ୍ୟ ରକ୍ତ ଆପଣା କଟିସ୍ଥିତ ବନ୍ଧନୀରେ ଓ ପାଦସ୍ଥିତ ପାଦୁକାରେ ଲଗାଇଲା।
\v 6 ଏହେତୁ ତୁମ୍ଭେ ଆପଣା ଜ୍ଞାନାନୁସାରେ ତାହା ପ୍ରତି ବ୍ୟବହାର କର ଓ ତାହାର ପକ୍ୱକେଶ-ମସ୍ତକକୁ ଶାନ୍ତିରେ ପାତାଳକୁ ଯିବା ପାଇଁ ନ ଦିଅ।
\s5
\v 7 ମାତ୍ର, ଗିଲୀୟଦୀୟ ବର୍ସିଲ୍ଲୟର ପୁତ୍ରମାନଙ୍କ ପ୍ରତି ଦୟା ପ୍ରକାଶ କର, ଆଉ, ତୁମ୍ଭ ମେଜରେ ଭୋଜନକାରୀମାନଙ୍କ ମଧ୍ୟରେ ସେମାନଙ୍କୁ ସ୍ଥାନ ଦିଅ; କାରଣ, ମୁଁ ତୁମ୍ଭ ଭ୍ରାତା ଅବଶାଲୋମଠାରୁ ପଳାଇବା ସମୟରେ ସେମାନେ ସେପରି ମୋ’ ନିକଟକୁ ଆସିଥିଲେ।
\s5
\v 8 ଆଉ ଦେଖ, ତୁମ୍ଭ ନିକଟରେ ବିନ୍ୟାମୀନୀୟ ଗେରାର ପୁତ୍ର ବହୁରୀମ ନିବାସୀ ଶିମୀୟି ଅଛି; ମୁଁ ମହନୟିମକୁ ଯିବା ଦିନ ସେ ମୋତେ ଦାରୁଣ ଅଭିଶାପରେ ଅଭିଶାପ ଦେଇଥିଲା, ମାତ୍ର, ସେ ଯର୍ଦ୍ଦନ ନିକଟରେ ମୋତେ ଭେଟିବାକୁ ଆସିଥିଲା ଓ ମୁଁ ସଦାପ୍ରଭୁଙ୍କ ନାମରେ ଶପଥ କରି ତାହାକୁ କହିଥିଲି, “ମୁଁ ତୁମ୍ଭକୁ ଖଡ୍ଗରେ ବଧ କରିବି ନାହିଁ।
\v 9 ତୁମ୍ଭେ ତ ଜ୍ଞାନୀ ଲୋକ; ଏଣୁ ତାହାକୁ ନିରପରାଧ ମଣିବ ନାହିଁ; ଆଉ ତୁମ୍ଭର ତାହା ପ୍ରତି ଯାହା କର୍ତ୍ତବ୍ୟ, ତାହା ବୁଝିବ ଓ ତୁମ୍ଭେ ତାହାର ପକ୍ୱକେଶ-ମସ୍ତକ ରକ୍ତ ସହିତ ପାତାଳକୁ ଆଣିବ।”
\s ଦାଉଦଙ୍କ ମୃତ୍ୟୁୁ
\p
\s5
\v 10 ଏଥିଉତ୍ତାରେ ଦାଉଦ ଆପଣା ପିତୃଲୋକଙ୍କ ସହିତ ଶୟନ କଲେ
\f +
\fr 2:10
\ft ଅର୍ଥାତ୍ ମଲେ
\f* ଓ ଦାଉଦ-ନଗରରେ କବର ପାଇଲେ।
\v 11 ଦାଉଦ ଇସ୍ରାଏଲ ଉପରେ ଚାଳିଶ ବର୍ଷ ରାଜ୍ୟ କଲେ; ସେ ସାତ ବର୍ଷ ହିବ୍ରୋଣରେ ରାଜ୍ୟ କଲେ ଓ ତେତିଶ ବର୍ଷ ଯିରୂଶାଲମରେ ରାଜ୍ୟ କଲେ।
\v 12 ଏଥିଉତ୍ତାରେ ଶଲୋମନ ଆପଣାର ପିତା ଦାଉଦଙ୍କର ସିଂହାସନରେ ଉପବିଷ୍ଟ ହେଲେ ଓ ତାଙ୍କର ରାଜ୍ୟ ଅତିଶୟ ଦୃଢ଼ ହେଲା।
\s ଅଦୋନୀୟର ମୃତ୍ୟୁୁ
\p
\s5
\v 13 ତହିଁରେ ହଗୀତର ପୁତ୍ର ଅଦୋନୀୟ ଶଲୋମନଙ୍କର ମାତା ବତ୍‍ଶେବା ନିକଟକୁ ଆସନ୍ତେ, ସେ ପଚାରିଲେ, “କୁଶଳରେ ଆସିଲ ?” ସେ ଉତ୍ତର କଲା, “କୁଶଳରେ।”
\v 14 ସେ ଆହୁରି କହିଲା, “ମୋହର ତୁମ୍ଭକୁ କିଛି କହିବାର ଅଛି।” ବତ୍‍ଶେବା କହିଲେ, “କୁହ।”
\v 15 ତହୁଁ ସେ କହିଲା, “ତୁମ୍ଭେ ଜାଣ ଯେ, ରାଜ୍ୟ ମୋହର ଥିଲା ଓ ମୁଁ ରାଜ୍ୟ କରିବି ବୋଲି ସମଗ୍ର ଇସ୍ରାଏଲ ମୋ’ ପ୍ରତି ଅନାଇଥିଲେ; ଯାହାହେଉ, ରାଜ୍ୟ ବଦଳି ଯାଇ ମୋ’ ଭାଇଙ୍କର ହୋଇଅଛି; କାରଣ, ତାହା ସଦାପ୍ରଭୁଙ୍କ ଆଡ଼ୁ ତାଙ୍କର ଥିଲା।”
\s5
\v 16 ଏଣୁ ଏବେ ମୁଁ ତୁମ୍ଭକୁ ଗୋଟିଏ ନିବେଦନ କରୁଅଛି, ମୋତେ ମନା ନ କର। ବତ୍‍ଶେବା ତାହାକୁ କହିଲେ, “କୁହ।”
\v 17 ତହୁଁ ସେ କହିଲା, “ତୁମ୍ଭେ ଅନୁଗ୍ରହ କରି ଶୁନେମୀୟା ଅବୀଶଗକୁ ମୋ’ ସଙ୍ଗେ ବିବାହ ଦେବା ପାଇଁ ଶଲୋମନ ରାଜାଙ୍କୁ କୁହ, ସେ ତ ତୁମ୍ଭକୁ ନାସ୍ତି କରିବେ ନାହିଁ।
\v 18 ଏଥିରେ ବତ୍‍ଶେବା କହିଲେ, “ଭଲ; ମୁଁ ତୁମ୍ଭ ପାଇଁ ରାଜାଙ୍କୁ କହିବି।”
\s5
\v 19 ଏହେତୁ ବତ୍‍ଶେବା ଅଦୋନୀୟ ନିମନ୍ତେ କହିବା ପାଇଁ ଶଲୋମନ ରାଜାଙ୍କ ନିକଟକୁ ଗଲେ। ତହୁଁ ରାଜା ତାଙ୍କୁ ଭେଟିବା ପାଇଁ ଉଠି ପ୍ରଣାମ କଲେ ଓ ଆପଣା ସିଂହାସନରେ ବସି ରାଜମାତାଙ୍କ ନିମନ୍ତେ ଆସନ ରଖାଇଲେ; ତହିଁରେ ସେ ତାଙ୍କର ଦକ୍ଷିଣ ପାଖରେ ବସିଲେ।
\v 20 ତେବେ ସେ କହିଲେ, “ତୁମ୍ଭଠାରେ ମୋହର ଏକ କ୍ଷୁଦ୍ର ନିବେଦନ ଅଛି; ମୋତେ ନାସ୍ତି ନ କର।” ତହୁଁ ରାଜା ତାଙ୍କୁ କହିଲେ, “ମୋହର ମାତା, କୁହ; କାରଣ, ମୁଁ ତୁମ୍ଭକୁ ନାସ୍ତି କରିବି ନାହିଁ।”
\v 21 ଏଥିରେ ସେ କହିଲେ, “ଶୁନେମୀୟା ଅବୀଶଗକୁ ତୁମ୍ଭ ଭାଇ ଅଦୋନୀୟ ସହିତ ବିବାହ ଦିଆଯାଉ।”
\s5
\v 22 ତହୁଁ ଶଲୋମନ ରାଜା ଉତ୍ତର କରି ଆପଣା ମାତାଙ୍କୁ କହିଲେ, “ତୁମ୍ଭେ ଅଦୋନୀୟ ନିମନ୍ତେ ଶୁନେମୀୟା ଅବୀଶଗକୁ କାହିଁକି ମାଗୁଅଛ ?” ତାହା ପାଇଁ ରାଜ୍ୟ ମଧ୍ୟ ମାଗ, କାରଣ, ସେ ତ ମୋହର ବଡ଼ ଭାଇ; ହଁ ତାହା ପାଇଁ, ପୁଣି, ଅବୀୟାଥର ଯାଜକ ଓ ସରୁୟାର ପୁତ୍ର ଯୋୟାବ ପାଇଁ ମଧ୍ୟ ମାଗ।
\v 23 ସେତେବେଳେ ଶଲୋମନ ରାଜା ସଦାପ୍ରଭୁଙ୍କ ନାମରେ ଶପଥ କରି କହିଲେ, “ଯେବେ ଅଦୋନୀୟ ଏହି କଥା ଆପଣା ପ୍ରାଣ ବିରୁଦ୍ଧରେ କହି ନ ଥାଏ, ତେବେ ପରମେଶ୍ୱର ମୋତେ ସେହି ଦଣ୍ଡ, ମଧ୍ୟ ତହିଁରୁ ଅଧିକ ଦେଉନ୍ତୁ।”
\s5
\v 24 ଏହେତୁ ଯେଉଁ ସଦାପ୍ରଭୁ ନିଜ ପ୍ରତିଜ୍ଞାନୁସାରେ ମୋତେ ସୁସ୍ଥିର କରି ମୋ’ ପିତା ଦାଉଦଙ୍କ ସିଂହାସନରେ ମୋତେ ବସାଇ ଅଛନ୍ତି ଓ ଯେ ମୋ’ ଗୃହ ଦୃଢ଼ କରିଅଛନ୍ତି, ତାହାଙ୍କ ଜୀବିତ ଥିବା ପ୍ରମାଣେ ଅଦୋନୀୟ ନିଶ୍ଚୟ ଆଜି ହତ ହେବ।
\v 25 ଏଉତ୍ତାରେ ଶଲୋମନ ରାଜା ଯିହୋୟାଦାର ପୁତ୍ର ବନାୟକୁ ପଠାଇଲେ; ତହୁଁ ସେ ତାହାକୁ ଆକ୍ରମଣ କରନ୍ତେ, ସେ ମଲା।
\s5
\v 26 ଏଥିଉତ୍ତାରେ ରାଜା ଅବୀୟାଥର ଯାଜକଙ୍କୁ କହିଲେ, “ତୁମ୍ଭେ ଅନାଥୋତ୍‍କୁ ଆପଣା କ୍ଷେତ୍ରକୁ ଯାଅ; କାରଣ, ତୁମ୍ଭେ ମୃତ୍ୟୁୁ ଯୋଗ୍ୟ; ମାତ୍ର, ମୁଁ ତୁମ୍ଭକୁ ବର୍ତ୍ତମାନ ବଧ କରିବି ନାହିଁ, ଯେହେତୁ ତୁମ୍ଭେ ମୋ’ ପିତା ଦାଉଦଙ୍କ ସମ୍ମୁଖରେ ପ୍ରଭୁ ସଦାପ୍ରଭୁଙ୍କ ସିନ୍ଦୁକ ବହିଥିଲ, ଆହୁରି ମୋ’ ପିତାଙ୍କ ସମସ୍ତ ଦୁଃଖଭୋଗରେ ଦୁଃଖଭୋଗ କରିଥିଲ।
\v 27 ଏନିମନ୍ତେ ସଦାପ୍ରଭୁ ଶୀଲୋରେ ଏଲିର ବଂଶ ବିଷୟରେ ଯାହା କହିଥିଲେ, ତାହାଙ୍କର ସେହି ବାକ୍ୟ ସିଦ୍ଧ କରିବା ପାଇଁ ଶଲୋମନ ଅବୀୟାଥରକୁ ସଦାପ୍ରଭୁଙ୍କ ଯାଜକ କର୍ମରୁ ଦୂର କରିଦେଲେ।
\s5
\v 28 ଏଉତ୍ତାରେ ଯୋୟାବ ନିକଟରେ ସମ୍ବାଦ ଉପସ୍ଥିତ ହେଲା, କାରଣ ଯୋୟାବ ଯଦ୍ୟପି ଅବଶାଲୋମର ଅନୁଗାମୀ ହେବା ପାଇଁ ବିପଥଗାମୀ ହୋଇ ନ ଥିଲା, ତଥାପି ଅଦୋନୀୟର ଅନୁଗାମୀ ହେବା ପାଇଁ ବିପଥଗାମୀ ହେଲା। ସେଥିସକାଶୁ ଯୋୟାବ ସଦାପ୍ରଭୁଙ୍କ ତମ୍ବୁକୁ ପଳାଇ ଯଜ୍ଞବେଦିର ଶୃଙ୍ଗ ଧରିପକାଇଲା।
\v 29 ଏଉତ୍ତାରେ ଦେଖ, ଯୋୟାବ ସଦାପ୍ରଭୁଙ୍କ ତମ୍ବୁକୁ ପଳାଇ ବେଦି ନିକଟରେ ଅଛି, ଏହି ସମ୍ବାଦ ଶଲୋମନ ରାଜାଙ୍କୁ ଦିଆଯା’ନ୍ତେ, ସେ ଯିହୋୟାଦାର ପୁତ୍ର ବନାୟକୁ ପଠାଇ କହିଲେ, “ଯାଅ, ତାକୁ ଆକ୍ରମଣ କର।”
\s5
\v 30 ତହିଁରେ ବନାୟ ସଦାପ୍ରଭୁଙ୍କ ତମ୍ବୁକୁ ଯାଇ ତାହାକୁ କହିଲା, “ରାଜା କହିଅଛନ୍ତି, ବାହାରକୁ ଆସ।” ମାତ୍ର ସେ କହିଲା, “ନା, ମୁଁ ଏଠାରେ ମରିବି।” ଏଥିରେ ବନାୟ ପୁଣି, ରାଜାଙ୍କ ନିକଟକୁ ସମ୍ବାଦ ଆଣି କହିଲା, “ଯୋୟାବ ଏପରି କହିଲା ଓ ମୋତେ ଏପରି ଉତ୍ତର ଦେଲା।”
\v 31 ତେବେ ରାଜା ତାହାକୁ କହିଲେ, “ସେ ଯେପରି କହିଅଛି, ସେପରି କର, ତାହାକୁ ଆଘାତ କର ଓ ତାହାକୁ କବର ଦିଅ; ତହିଁରେ ଯୋୟାବ ଅକାରଣରେ ଯେଉଁ ରକ୍ତପାତ କରିଅଛି, ତହିଁର ଅପରାଧ ତୁମ୍ଭେ ମୋ’ଠାରୁ ଓ ମୋ’ ପିତୃଗୃହରୁ ଦୂର କରିବ।”
\s5
\v 32 ପୁଣି, ସଦାପ୍ରଭୁ ତାହାର ରକ୍ତପାତର ଅପରାଧ ତାହାର ନିଜ ମସ୍ତକରେ ବର୍ତ୍ତାଇବେ, କାରଣ, ସେ ମୋ’ ପିତା ଦାଉଦଙ୍କ ଅଜ୍ଞାତସାରରେ ଆପଣାଠାରୁ ଧାର୍ମିକ ଓ ଉତ୍ତମ, ଇସ୍ରାଏଲର ସେନାପତି ନେର୍‍ର ପୁତ୍ର ଅବ୍‍ନର ଓ ଯିହୁଦାର ସେନାପତି ଯେଥରର ପୁତ୍ର ଅମାସା, ଏ ଦୁଇ ଜଣଙ୍କୁ ଆକ୍ରମଣ କରି ଖଡ୍ଗରେ ବଧ କରିଥିଲା।
\v 33 ତହୁଁ ସେମାନଙ୍କ ରକ୍ତପାତର ଅପରାଧ ଯୋୟାବର ମସ୍ତକରେ ଓ ସଦାକାଳ ତାହାର ବଂଶର ମସ୍ତକରେ ବର୍ତ୍ତିବ; ମାତ୍ର ଦାଉଦଙ୍କ ପ୍ରତି ଓ ତାଙ୍କ ବଂଶ ପ୍ରତି ଓ ତାଙ୍କ ଗୃହ ପ୍ରତି ଓ ତାଙ୍କ ସିଂହାସନ ପ୍ରତି, ସଦାପ୍ରଭୁଙ୍କଠାରୁ ସଦାକାଳ ଶାନ୍ତି ବର୍ତ୍ତିବ।
\s5
\v 34 ଏଉତ୍ତାରେ ଯିହୋୟାଦାର ପୁତ୍ର ବନାୟ ଯାଇ ତାହାକୁ ଆକ୍ରମଣ କରି ବଧ କଲା ଓ ପ୍ରାନ୍ତରସ୍ଥ ତାହାର ନିଜ ଗୃହରେ ତାହାକୁ କବର ଦିଆଗଲା।
\v 35 ପୁଣି, ରାଜା ତାହାର ପଦରେ ଯିହୋୟାଦାର ପୁତ୍ର ବନାୟକୁ ସେନାପତି କରି ନିଯୁକ୍ତ କଲେ ଓ ରାଜା ଅବୀୟାଥର ପଦରେ ସାଦୋକଙ୍କୁ ଯାଜକ କରି ନିଯୁକ୍ତ କଲେ।
\s5
\v 36 ଏଉତ୍ତାରେ ରାଜା ଲୋକ ପଠାଇ ଶିମୀୟିକୁ ଡକାଇ କହିଲେ, “ଯିରୂଶାଲମରେ ଆପଣା ପାଇଁ ଏକ ଗୃହ ନିର୍ମାଣ କରି ସେଠାରେ ବାସ କର, ଆଉ ସେଠାରୁ ଅନ୍ୟ କୌଣସି ସ୍ଥାନକୁ ଯାଅ ନାହିଁ।”
\v 37 କାରଣ, ତୁମ୍ଭେ ଯେଉଁ ଦିନ ବାହାରି କିଦ୍ରୋଣ ନଦୀ ପାର ହେବ; ସେହି ଦିନ ତୁମ୍ଭେ ନିତାନ୍ତ ମରିବ, ଏହା ନିଶ୍ଚୟ ଜାଣ; ତୁମ୍ଭ ରକ୍ତପାତର ଅପରାଧ ତୁମ୍ଭ ନିଜ ମସ୍ତକରେ ବର୍ତ୍ତିବ।
\v 38 ତହିଁରେ ଶିମୀୟି ରାଜାଙ୍କୁ କହିଲା, “ଏ ଉତ୍ତମ କଥା; ମୋ’ ପ୍ରଭୁ ମହାରାଜ ଯେପରି କହିଅଛନ୍ତି, ଆପଣଙ୍କ ଦାସ ସେପରି କରିବ।” ଏଣୁ ଶିମୀୟି ଅନେକ ଦିନ ଯିରୂଶାଲମରେ ବାସ କଲା।
\s5
\v 39 ଏଥିଉତ୍ତାରେ ତିନି ବର୍ଷ ଶେଷରେ ଶିମୀୟିର ଦାସମାନଙ୍କ ମଧ୍ୟରୁ ଦୁଇ ଜଣ ମାଖାର ପୁତ୍ର ଗାଥୀୟ ରାଜା ଆଖୀଶ୍‍ ନିକଟକୁ ପଳାଇଲେ। ଏଥିରେ ଲୋକେ ଶିମୀୟିକୁ ଜଣାଇ କହିଲେ, “ଦେଖ, ତୁମ୍ଭ ଦାସମାନେ ଗାଥ୍‍ ନଗରରେ ଅଛନ୍ତି।”
\v 40 ତହୁଁ ଶିମୀୟି ଉଠି ଗର୍ଦ୍ଦଭ ସଜାଇ ଆପଣା ଦାସମାନଙ୍କୁ ଅନ୍ୱେଷଣ କରିବା ପାଇଁ ଗାଥ୍‍ ନଗରକୁ ଆଖୀଶ୍‍ ନିକଟକୁ ଗଲା; ପୁଣି, ଶିମୀୟି ଯାଇ ଗାଥ୍‍ରୁ ଆପଣା ଦାସମାନଙ୍କୁ ଆଣିଲା।
\s5
\v 41 ତହୁଁ ଶଲୋମନଙ୍କୁ ସମ୍ବାଦ ଦିଆଗଲା ଯେ, ଶିମୀୟି ଯିରୂଶାଲମରୁ ଗାଥ୍‍କୁ ଯାଇଥିଲା, ପୁଣି, ଫେରି ଆସିଅଛି।
\v 42 ଏଥିରେ ରାଜା ଲୋକ ପଠାଇ ଶିମୀୟିକୁ ଡକାଇ ତାହାକୁ କହିଲେ, “ତୁମ୍ଭେ ଯେଉଁ ଦିନ ବାହାରି ଅନ୍ୟ କୌଣସି ସ୍ଥାନରେ ଭ୍ରମଣ କରିବ, ସେହିଦିନ ତୁମ୍ଭେ ନିତାନ୍ତ ମରିବ, ଏହା ନିଶ୍ଚୟ ଜାଣ, ମୁଁ ସଦାପ୍ରଭୁଙ୍କ ନାମରେ ତୁମ୍ଭକୁ ଶପଥ କରାଇ ତୁମ୍ଭ ବିପକ୍ଷରେ କ’ଣ ଏହି ସାକ୍ଷ୍ୟ ଦେଇ ନାହିଁ ? ଆଉ ତୁମ୍ଭେ ମୋତେ କହିଥିଲ, ମୁଁ ଯେଉଁ କଥା ଶୁଣିଲି, ତାହା ଉତ୍ତମ।
\s5
\v 43 ତେବେ ତୁମ୍ଭେ ସଦାପ୍ରଭୁଙ୍କ ଶପଥ ଓ ତୁମ୍ଭକୁ ଦତ୍ତ ମୋହର ଆଜ୍ଞା କାହିଁକି ପାଳନ ନ କଲ ?”
\v 44 ରାଜା ଆହୁରି ଶିମୀୟିକୁ କହିଲେ, “ମୋହର ପିତା ଦାଉଦଙ୍କ ପ୍ରତି ତୁମ୍ଭର କୃତ ଯେସକଳ ଦୁଷ୍ଟତା ବିଷୟ ତୁମ୍ଭ ମନ ପ୍ରମାଣ ଦିଏ, ତାହା ତୁମ୍ଭେ ଜାଣୁଅଛ; ଏହେତୁ ସଦାପ୍ରଭୁ ତୁମ୍ଭ ଦୁଷ୍ଟତା ତୁମ୍ଭ ନିଜ ମସ୍ତକରେ ବର୍ତ୍ତାଇବେ।
\s5
\v 45 ମାତ୍ର, ଶଲୋମନ ରାଜା ଆଶୀର୍ବାଦ ପ୍ରାପ୍ତ ହେବ ଓ ସଦାପ୍ରଭୁଙ୍କ ସମ୍ମୁଖରେ ଦାଉଦଙ୍କ ସିଂହାସନ ଅନନ୍ତ କାଳ ସ୍ଥିରୀକୃତ ହେବ।
\v 46 ଏଉତ୍ତାରେ ରାଜା ଯିହୋୟାଦାର ପୁତ୍ର ବନାୟକୁ ଆଜ୍ଞା କରନ୍ତେ, ସେ ଯାଇ ତାହାକୁ ଆକ୍ରମଣ କଲା, ତହୁଁ ସେ ମଲା। ଏହିରୂପେ ଶଲୋମନଙ୍କ ହସ୍ତରେ ରାଜ୍ୟ ଦୃଢ଼ ହେଲା।
\s5
\c 3
\s ଜ୍ଞାନ ପାଇଁ ଶଲୋମନଙ୍କ ପ୍ରାର୍ଥନା
\p
\v 1 ଏଥିଉତ୍ତାରେ ଶଲୋମନ ମିସରର ରାଜା ଫାରୋ ସହିତ ଆତ୍ମୀୟତା କରି ଫାରୋର କନ୍ୟାକୁ ବିବାହ କଲେ ଓ ଆପଣା ଗୃହ ଓ ସଦାପ୍ରଭୁଙ୍କ ଗୃହ ଓ ଯିରୂଶାଲମର ଚତୁର୍ଦ୍ଦିଗସ୍ଥ ପ୍ରାଚୀରର ନିର୍ମାଣ ସମାପ୍ତ ହେବା ପର୍ଯ୍ୟନ୍ତ ତାହାକୁ ଆଣି ଦାଉଦ-ନଗରରେ ରଖିଲେ।
\v 2 ମାତ୍ର, ଲୋକମାନେ ନାନା ଉଚ୍ଚସ୍ଥଳୀରେ ବଳିଦାନ କରୁଥିଲେ, କାରଣ ସେହି ସମୟ ପର୍ଯ୍ୟନ୍ତ ସଦାପ୍ରଭୁଙ୍କ ନାମ ଉଦ୍ଦେଶ୍ୟରେ କୌଣସି ଗୃହ ନିର୍ମିତ ହୋଇ ନ ଥିଲା।
\v 3 ପୁଣି, ଶଲୋମନ ଆପଣା ପିତା ଦାଉଦଙ୍କର ବିଧି ଅନୁସାରେ ଆଚରଣ କରି ସଦାପ୍ରଭୁଙ୍କୁ ପ୍ରେମ କଲେ; କେବଳ ସେ ଉଚ୍ଚସ୍ଥଳୀମାନରେ ବଳିଦାନ କଲେ ଓ ଧୂପ ଜ୍ୱଳାଇଲେ।
\s5
\v 4 ପୁଣି, ରାଜା ବଳିଦାନ କରିବା ନିମନ୍ତେ ଗିବୀୟୋନ୍‍ ନଗରକୁ ଗଲେ; କାରଣ ତାହା ବଡ଼ ଉଚ୍ଚସ୍ଥଳୀ ଥିଲା; ଶଲୋମନ ସେହି ଯଜ୍ଞବେଦି ଉପରେ ଏକ ସହସ୍ର ହୋମବଳି ଉତ୍ସର୍ଗ କଲେ।
\v 5 ଗିବୀୟୋନ୍‍ରେ ସଦାପ୍ରଭୁ ରାତ୍ରିରେ ସ୍ୱପ୍ନ ଦ୍ୱାରା ଶଲୋମନଙ୍କୁ ଦର୍ଶନ ଦେଲେ; ଆଉ, ପରମେଶ୍ୱର କହିଲେ, “ଆମ୍ଭେ ତୁମ୍ଭକୁ କଅଣ ଦେବା, ତାହା ମାଗ।”
\s5
\v 6 ତହିଁରେ ଶଲୋମନ କହିଲେ, “ତୁମ୍ଭ ଦାସ ଆମ୍ଭ ପିତା ଦାଉଦ ତୁମ୍ଭ ଛାମୁରେ ସତ୍ୟତା ଓ ଧାର୍ମିକତା ଓ ମନର ସରଳତାରେ ତୁମ୍ଭ ସହିତ ଗମନାଗମନ କରିବା ପ୍ରମାଣେ ତୁମ୍ଭେ ତାଙ୍କ ପ୍ରତି ମହାଦୟା ପ୍ରକାଶ କଲ; ଆହୁରି ତୁମ୍ଭେ ତାଙ୍କ ପାଇଁ ଏହି ମହାଦୟା ରଖିଅଛ ଯେ, ଆଜିର ନ୍ୟାୟ ତାଙ୍କର ସିଂହାସନରେ ବସିବା ପାଇଁ ତାଙ୍କୁ ଏକ ପୁତ୍ର ଦେଇଅଛ।
\s5
\v 7 ଏବେ ହେ ସଦାପ୍ରଭୁ, ମୋହର ପରମେଶ୍ୱର, ତୁମ୍ଭେ ମୋ’ ପିତା ଦାଉଦଙ୍କ ପଦରେ ଆପଣାର ଏହି ଦାସକୁ ରାଜା କରିଅଛ; ମାତ୍ର, ମୁଁ ତ କ୍ଷୁଦ୍ର ବାଳକ; କିପରି ବାହାରକୁ ଯିବାକୁ ଓ ଭିତରକୁ ଆସିବାକୁ ହୁଏ, ତାହା ମୁଁ ଜାଣେ ନାହିଁ।
\v 8 ଆଉ ତୁମ୍ଭର ଦାସ ତୁମ୍ଭ ମନୋନୀତ ଲୋକମାନଙ୍କ ମଧ୍ୟରେ ଅଛି, ସେମାନେ ବାହୁଲ୍ୟ ସକାଶୁ ଅଗଣ୍ୟ ଓ ଅସଂଖ୍ୟ ଏକ ମହାଗୋଷ୍ଠୀ ଅଟନ୍ତି।
\v 9 ଏହେତୁ ଯେପରି ଆମ୍ଭେ ଭଲ ଓ ମନ୍ଦର ପ୍ରଭେଦ ଜାଣି ପାରିବୁ, ଏଥିପାଇଁ ତୁମ୍ଭ ଲୋକମାନଙ୍କର ବିଚାର କରିବା ନିମନ୍ତେ ତୁମ୍ଭର ଏହି ଦାସକୁ ଜ୍ଞାନୀ ମନ ଦିଅ; କାରଣ, ତୁମ୍ଭର ଏହି ମହାଗୋଷ୍ଠୀର ବିଚାର କରିବାକୁ କିଏ ସମର୍ଥ ?”
\s5
\v 10 ଶଲୋମନ ଯେ ଏହି ବିଷୟ ମାଗିଲେ, ଏହି କଥାରେ ପ୍ରଭୁ ସନ୍ତୁଷ୍ଟ ହେଲେ।
\v 11 ଏଥିରେ ପରମେଶ୍ୱର ତାଙ୍କୁ କହିଲେ, “ତୁମ୍ଭେ ଏହି ବିଷୟ ମାଗିଅଛ, ପୁଣି, ଆପଣା ନିମନ୍ତେ ଦୀର୍ଘାୟୁ ମାଗି ନାହଁ; କିଅବା ଆପଣା ନିମନ୍ତେ ଐଶ୍ୱର୍ଯ୍ୟ ମାଗି ନାହଁ; ଅଥବା ଆପଣା ଶତ୍ରୁମାନଙ୍କର ପ୍ରାଣ ମାଗି ନାହଁ; ମାତ୍ର ବିଚାର କରିବା ପାଇଁ ଆପଣା ନିମନ୍ତେ ଜ୍ଞାନ ମାଗିଅଛ;
\v 12 ଏହେତୁ ଦେଖ, ଆମ୍ଭେ ତୁମ୍ଭ ବାକ୍ୟାନୁସାରେ କଲୁ; ଦେଖ, ଆମ୍ଭେ ତୁମ୍ଭକୁ ଏପରି ଜ୍ଞାନ ଓ ବୁଦ୍ଧିବିଶିଷ୍ଟ ମନ ଦେଲୁ ଯେ, ତୁମ୍ଭ ପୂର୍ବେ ତୁମ୍ଭ ସମାନ କେହି ହୋଇ ନାହିଁ, କିଅବା ତୁମ୍ଭ ଉତ୍ତାରେ ତୁମ୍ଭ ସମାନ କେହି ଉତ୍ପନ୍ନ ହେବ ନାହିଁ।
\s5
\v 13 ଆହୁରି ତୁମ୍ଭେ ଯେଉଁ ଐଶ୍ୱର୍ଯ୍ୟ ଓ ପ୍ରତାପ ମାଗି ନାହଁ, ସେହି ଦୁଇ ମଧ୍ୟ ଆମ୍ଭେ ତୁମ୍ଭକୁ ଏପରି ଦେଲୁ ଯେ, ତୁମ୍ଭର ଯାବଜ୍ଜୀବନ ରାଜାମାନଙ୍କ ମଧ୍ୟରେ କେହି ତୁମ୍ଭ ସମାନ ହେବ ନାହିଁ।
\v 14 ପୁଣି, ତୁମ୍ଭ ପିତା ଦାଉଦ ଯେପରି ଗମନ କଲା, ସେପରି ତୁମ୍ଭେ ଯଦି ଆମ୍ଭର ବିଧି ଓ ଆଜ୍ଞା ପାଳନ କରିବା ପାଇଁ ଆମ୍ଭ ପଥରେ ଗମନ କରିବ, ତେବେ ଆମ୍ଭେ ତୁମ୍ଭର ଆୟୁଷ ବୃଦ୍ଧି କରିବା।”
\s5
\v 15 ଏଉତ୍ତାରେ ଶଲୋମନ ଜାଗ୍ରତ ହୁଅନ୍ତେ, ଦେଖ, ଏହା ସ୍ୱପ୍ନ-ମାତ୍ର; ତହୁଁ ସେ ଯିରୂଶାଲମକୁ ଯାଇ ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ସମ୍ମୁଖରେ ଠିଆ ହୋଇ ହୋମବଳି ଉତ୍ସର୍ଗ କଲେ ଓ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କରି ଆପଣା ସମସ୍ତ ଦାସଙ୍କ ନିମନ୍ତେ ଏକ ଭୋଜ କଲେ।
\s ଶଲୋମନଙ୍କ ବିଚାର
\p
\s5
\v 16 ସେହି ସମୟରେ ଦୁଇ ବେଶ୍ୟା ସ୍ତ୍ରୀ ରାଜାଙ୍କ ନିକଟକୁ ଆସି ତାଙ୍କର ସମ୍ମୁଖରେ ଠିଆ ହେଲେ।
\v 17 ପୁଣି, ଏକ ସ୍ତ୍ରୀ କହିଲା, “ହେ ମୋହର ପ୍ରଭୁ, ମୁଁ ଓ ଏହି ସ୍ତ୍ରୀ ଏକ ଘରେ ବାସ କରୁ; ଆଉ, ମୁଁ ସେହି ଗୃହରେ ତାହା ସଙ୍ଗେ ଥାଇ ଏକ ସନ୍ତାନ ପ୍ରସବ କଲି।
\s5
\v 18 ପୁଣି, ମୋହର ପ୍ରସବର ତୃତୀୟ ଦିନରେ ଏହି ସ୍ତ୍ରୀ ମଧ୍ୟ ପ୍ରସବ କଲା ଓ ଆମ୍ଭେ ଦୁହେଁ ଏକତ୍ର ଥିଲୁ, ସେହି ଘରେ ଆମ୍ଭ ଦୁହିଁଙ୍କ ଛଡ଼ା ଅନ୍ୟ କୌଣସି ବାହାର ଲୋକ ନ ଥିଲା।
\v 19 ଆଉ ଏହି ସ୍ତ୍ରୀ ଆପଣା ପିଲା ଉପରେ ଲଦି ହୋଇ ଶୋଇବାରୁ ତାହାର ପିଲା ରାତ୍ରିରେ ମରିଗଲା।
\v 20 ଏଣୁ ସେ ମଧ୍ୟରାତ୍ରରେ ଉଠି ଆପଣଙ୍କ ଦାସୀ ନିଦ୍ରିତା ଥିବା ବେଳେ ମୋ’ ପାଖରୁ ମୋହର ପୁତ୍ରକୁ ନେଇ ଆପଣା କୋଳରେ ଶୁଆଇଲା ଓ ତାହାର ମଲା ପିଲାକୁ ମୋ’ କୋଳରେ ଶୁଆଇ ଦେଲା।
\s5
\v 21 ତହୁଁ ମୁଁ ସକାଳେ ଆପଣା ପିଲାକୁ ସ୍ତନ୍ୟପାନ କରାଇବା ପାଇଁ ଉଠାନ୍ତେ, ଦେଖ, ସେ ମରିଯାଇଅଛି; ମାତ୍ର, ସକାଳେ ମୁଁ ଭଲ କରି ପରଖ କରନ୍ତେ, ଦେଖ, ଏ ତ ମୋହର ଜନ୍ମ କଲା ପୁତ୍ର ନୁହେଁ।”
\v 22 ତହୁଁ ସେ ଅନ୍ୟ ସ୍ତ୍ରୀ କହିଲା, “ନା, ମାତ୍ର ଜୀଅନ୍ତାଟି ମୋହର ପୁଅ ଓ ମଲାଟି ତୁମ୍ଭର ପୁଅ।” ଆଉ, ଏ ସ୍ତ୍ରୀ କହିଲା, “ନା; ମଲାଟି ତୁମ୍ଭର ପୁଅ ଓ ଜୀଅନ୍ତାଟି ମୋହର ପୁଅ।” ଏହିରୂପେ ସେମାନେ ରାଜାଙ୍କ ଛାମୁରେ ଗୁହାରି କଲେ।
\s5
\v 23 ତେବେ ରାଜା କହିଲେ, “ଜଣେ କହୁଛି, ଜୀଅନ୍ତାଟି ମୋହର ପୁଅ ଓ ମଲାଟି ତୁମ୍ଭର ପୁଅ; ପୁଣି, ଅନ୍ୟ ଜଣ କହୁଛି, ନା; ମାତ୍ର, ମଲାଟି ତୁମ୍ଭର ପୁଅ ଓ ଜୀଅନ୍ତାଟି ମୋହର ପୁଅ।”
\v 24 ଏଥିରେ ରାଜା କହିଲେ, “ମୋହର ନିକଟକୁ ଗୋଟିଏ ଖଣ୍ଡା ଆଣ।” ତହୁଁ ସେମାନେ ରାଜାଙ୍କ ଛାମୁକୁ ଖଣ୍ଡା ଆଣିଲେ।
\v 25 ତହିଁରେ ରାଜା କହିଲେ, “ଏହି ଜୀଅନ୍ତା ପିଲାକୁ ଦୁଇ ଖଣ୍ଡ କରି ଜଣକୁ ଅଧେ ଓ ଅନ୍ୟ ଜଣକୁ ଅଧେ ଦିଅ।”
\s5
\v 26 ଏଥିରେ ଯେଉଁ ସ୍ତ୍ରୀର ପିଲା ଜୀବିତ ଥିଲା, ତାହାର ଅନ୍ତଃକରଣ ଆପଣା ପୁତ୍ର ପ୍ରତି ସ୍ନେହରେ ଉତ୍ତପ୍ତ ହେଲା, ଏଣୁ ସେ ରାଜାଙ୍କୁ କହିଲା, “ହେ ମୋହର ପ୍ରଭୁ, ଜୀଅନ୍ତା ପିଲାଟି ତାକୁ ଦେଉନ୍ତୁ, କୌଣସିମତେ ତାକୁ ବଧ ନ କରନ୍ତୁ। ମାତ୍ର, ଅନ୍ୟ ସ୍ତ୍ରୀ କହିଲା, “ସେ ମୋହର ନୋହୁ କି ତୁମ୍ଭର ନୋହୁ; ତାକୁ ଦୁଇ ଖଣ୍ଡ କର।”
\v 27 ସେତେବେଳେ ରାଜା ଉତ୍ତର କରି କହିଲେ, “ଏହାକୁ ଜୀବିତ ବାଳକଟି ଦିଅ, କୌଣସିମତେ ବଧ ନ କର; ସେ ତ ତାହାର ମାତା।”
\v 28 ଆଉ ସମଗ୍ର ଇସ୍ରାଏଲ ରାଜାଙ୍କର ଏହି ବିଚାରର ନିଷ୍ପତ୍ତି ବିଷୟ ଶୁଣି ରାଜାଙ୍କୁ ଭୟ କଲେ; କାରଣ, ସେମାନେ ଦେଖିଲେ ଯେ, ବିଚାର କରିବା ନିମନ୍ତେ ତାଙ୍କର ଅନ୍ତରରେ ପରମେଶ୍ୱର-ଦତ୍ତ ଜ୍ଞାନ ଅଛି।
\s5
\c 4
\s ଶଲୋମନଙ୍କ ଅଧିକାରୀଗଣ
\p
\v 1 ଏହିରୂପେ ଶଲୋମନ ରାଜା ସମଗ୍ର ଇସ୍ରାଏଲ ଉପରେ ରାଜା ହେଲେ।
\v 2 ଏମାନେ ତାଙ୍କର ଅଧିପତି ଥିଲେ, ଯଥା, ସାଦୋକର ପୁତ୍ର ଅସରୀୟ ଯାଜକ ଥିଲେ।
\v 3 ଶୀଶାର ପୁତ୍ର ଇଲୀହୋରଫ ଓ ଅହୀୟ ସମ୍ପାଦକ; ଅହୀଲୂଦର ପୁତ୍ର ଯିହୋଶାଫଟ୍‍ ଇତିହାସ ଲେଖକ
\v 4 ଓ ଯିହୋୟାଦାର ପୁତ୍ର ବନାୟ ସେନାପତି ଥିଲା; ପୁଣି, ସାଦୋକ ଓ ଅବୀୟାଥର ଯାଜକ ଥିଲେ;
\s5
\v 5 ନାଥନର ପୁତ୍ର ଅସରୀୟ ଦେଶାଧ୍ୟକ୍ଷମାନଙ୍କର ପ୍ରଧାନ ଥିଲା ଓ ନାଥନର ପୁତ୍ର ସାବୁଦ୍‍ ଯାଜକ ଓ ରାଜାଙ୍କ ମିତ୍ର ଥିଲା।
\v 6 ପୁଣି, ଅହୀଶାର୍‍ ଗୃହାଧ୍ୟକ୍ଷ ଥିଲା ଓ ଅବ୍‍ଦର ପୁତ୍ର ଅଦୋନୀରାମ୍‍ ବେଠିକର୍ମର ଅଧ୍ୟକ୍ଷ ଥିଲା।
\s5
\v 7 ଆଉ ସମଗ୍ର ଇସ୍ରାଏଲ ଉପରେ ଶଲୋମନଙ୍କର ବାର ଜଣ ଦେଶାଧ୍ୟକ୍ଷ ଥିଲେ, ସେମାନେ ରାଜା ଓ ତାଙ୍କର ଗୃହ ପାଇଁ ଖାଦ୍ୟଦ୍ରବ୍ୟ ଯୋଗାଇଲେ; ପ୍ରତି ଜଣ ବର୍ଷ ମଧ୍ୟରେ ଏକ ଏକ ମାସ ପାଇଁ ଦ୍ରବ୍ୟ ଯୋଗାଇଲେ।
\v 8 ଆଉ ସେମାନଙ୍କର ନାମ ଏହି; ଇଫ୍ରୟିମର ପର୍ବତମୟ ଦେଶରେ ବିନ୍‍-ହୂର।
\v 9 ମାକସ୍‍, ଶାଲବୀମ୍‍, ବେଥ୍-ଶେମଶ୍‍ ଓ ଏଲୋନ-ବେଥ୍-ହାନନ୍‍ରେ ବିନ୍‍-ଦେକର;
\v 10 ଅରୁବୋତରେ ବିନ୍‍-ହେଷଦ୍‍; ସୋଖୋ ଓ ସମୁଦାୟ ହେଫର ପ୍ରଦେଶ ତାହାର ଅଧୀନ ଥିଲା;
\s5
\v 11 ସମୁଦାୟ ଦୋର ଉପପର୍ବତରେ ବିନ୍‍-ଅବୀନାଦବ୍‍; ତାହାର ଭାର୍ଯ୍ୟା ଶଲୋମନଙ୍କର କନ୍ୟା ଟାଫତ୍‍ ଥିଲା।
\v 12 ତାନକ୍‍, ମଗିଦ୍ଦୋ, ବେଥ୍-ଶାନ୍‍ ଠାରୁ ଆବେଲ୍‍-ମହୋଲା ଓ ଯକମୀୟାମ୍‍ ପାରି ପର୍ଯ୍ୟନ୍ତ ସର୍ତ୍ତନ ନିକଟବର୍ତ୍ତୀ ଯିଷ୍ରିୟେଲ ତଳେ ଥିବା ସମଗ୍ର ବେଥ୍-ଶାନ୍‍ରେ ଅହୀଲୂଦର ପୁତ୍ର ବାନା।
\v 13 ରାମୋତ୍‍-ଗିଲୀୟଦରେ ବିନ୍‍-ଗେବର; ମନଃଶିର ପୁତ୍ର ଯାୟୀରର ଗିଲୀୟଦସ୍ଥିତ ସମସ୍ତ ଗ୍ରାମ ତାହାର ଅଧୀନ ଥିଲା, ଅର୍ଥାତ୍‍ ବାଶନସ୍ଥ ଅର୍ଗୋବ-ଅଞ୍ଚଳରେ ଥିବା ପ୍ରାଚୀରବେଷ୍ଟିତ ଓ ପିତ୍ତଳ ଅର୍ଗଳବିଶିଷ୍ଟ ଷାଠିଏ ବୃହତ ନଗର ତାହାର ଅଧୀନ ଥିଲା;
\v 14 ମହନୟିମରେ ଇଦ୍ଦୋର ପୁତ୍ର ଅହୀନାଦବ୍‍।
\s5
\v 15 ନପ୍ତାଲିରେ ଅହୀମାସ୍‍; ସେ ଶଲୋମନଙ୍କର କନ୍ୟା ବାସମତ୍‍କୁ ବିବାହ କରିଥିଲା।
\v 16 ଆଶେର ଓ ବାଲୋତ୍‍ରେ
\f +
\fr 4:16
\fq ବାଲୋତ୍‍ରେ
\ft କିମ୍ବା ଆଲୋତ୍‍ରେ
\f* ହୂଶୟର ପୁତ୍ର ବାନା।
\v 17 ଇଷାଖରରେ ପାରୁହର ପୁତ୍ର ଯିହୋଶାଫଟ୍‍;
\s5
\v 18 ବିନ୍ୟାମୀନ୍‍ରେ ଏଲାର ପୁତ୍ର ଶିମୀୟି;
\v 19 ଇମୋରୀୟମାନଙ୍କ ରାଜା ସୀହୋନର ଓ ବାଶନର ରାଜା ଓଗ୍‍ର ଗିଲୀୟଦ ଦେଶରେ ଊରିର ପୁତ୍ର ଗେବର; ସେ ଦେଶରେ ସେ ଏକମାତ୍ର ଦେଶାଧ୍ୟକ୍ଷ ଥିଲା।
\s ଶଲୋମନଙ୍କ ସମୃଦ୍ଧି
\p
\s5
\v 20 ଯିହୁଦା ଓ ଇସ୍ରାଏଲ ଭୋଜନପାନ ଓ ଆମୋଦ-ପ୍ରମୋଦ କରି ବାହୁଲ୍ୟ ହେତୁରୁ ସମୁଦ୍ରତୀରସ୍ଥ ବାଲୁକା ନ୍ୟାୟ ବହୁସଂଖ୍ୟକ ଥିଲେ।
\v 21 ପୁଣି, ଶଲୋମନ (ଫରାତ୍‍) ନଦୀଠାରୁ ପଲେଷ୍ଟୀୟମାନଙ୍କ ଦେଶ ଓ ମିସର-ସୀମା ପର୍ଯ୍ୟନ୍ତ ସମସ୍ତ ରାଜ୍ୟ ଉପରେ ରାଜତ୍ୱ କଲେ; ଶଲୋମନଙ୍କର ଯାବଜ୍ଜୀବନ ସେମାନେ ଭେଟୀ ଆଣିଲେ ଓ ତାଙ୍କର ସେବା କଲେ।
\v 22 ଶଲୋମନଙ୍କର ପ୍ରାତ୍ୟହିକ ଆୟୋଜନୀୟ ଦ୍ରବ୍ୟ ତିରିଶ ମହଣ ସରୁ ମଇଦା
\f +
\fr 4:22
\fq ତିରିଶ ମହଣ ସରୁ ମଇଦା
\ft ପ୍ରାୟ ୬,୬୦୦ କିଲୋଗ୍ରାମ୍
\f* ଓ ଷାଠିଏ ମହଣ ସୁଜି,
\f +
\fr 4:22
\fq ଷାଠିଏ ମହଣ ସୁଜି,
\ft ପ୍ରାୟ ୧୩, କିଲୋଗ୍ରାମ୍
\f*
\v 23 ଆଉ ଦଶ ପୁଷ୍ଟ ଗୋରୁ ଓ ଚରା-ସ୍ଥାନରୁ କୋଡ଼ିଏ ଗୋରୁ ଓ ଏକ ଶହ ମେଷ, ଏହାଛଡ଼ା ଅନେକ ହରିଣ ଓ କୃଷ୍ଣସାର ଓ ବନଗୋରୁ ଓ ପୁଷ୍ଟ ପକ୍ଷୀ ଥିଲା।
\s5
\v 24 କାରଣ, ସେ ତିପ୍‍ସହଠାରୁ ଘସା ପର୍ଯ୍ୟନ୍ତ (ଫରାତ୍‍) ନଦୀର ଏପାରିସ୍ଥିତ ସମସ୍ତ ଅଞ୍ଚଳର ରାଜାମାନଙ୍କ ଉପରେ କର୍ତ୍ତୃତ୍ୱ କଲେ; ପୁଣି, ତାଙ୍କର ଚତୁର୍ଦ୍ଦିଗସ୍ଥ ସବୁଆଡ଼େ ଶାନ୍ତି ଥିଲା।
\v 25 ଏଣୁ ଶଲୋମନଙ୍କର ଯାବଜ୍ଜୀବନ ଦାନ୍‍ଠାରୁ ବେର୍‍ଶେବା ପର୍ଯ୍ୟନ୍ତ ଯିହୁଦା ଓ ଇସ୍ରାଏଲର ପ୍ରତ୍ୟେକ ଲୋକ ଆପଣା ଆପଣା ଦ୍ରାକ୍ଷାଲତା ଓ ଆପଣା ଆପଣା ଡିମ୍ବିରି ବୃକ୍ଷ ମୂଳରେ ନିରାପଦରେ ବାସ କଲେ।
\s5
\v 26 ଆଉ ଶଲୋମନଙ୍କର ରଥ ନିମନ୍ତେ ଚାଳିଶ ସହସ୍ର ଅଶ୍ୱଶାଳା ଓ ବାର ସହସ୍ର ଅଶ୍ୱାରୋହୀ ଥିଲେ।
\v 27 ଆଉ ଶଲୋମନ ରାଜାଙ୍କ ନିମନ୍ତେ ଓ ଶଲୋମନ ରାଜାଙ୍କର ମେଜରେ ଭୋଜନକାରୀ ସମସ୍ତଙ୍କ ନିମନ୍ତେ ପୂର୍ବୋକ୍ତ ଦେଶାଧ୍ୟକ୍ଷମାନଙ୍କର ପ୍ରତ୍ୟେକ ଜଣ ଆପଣା ଆପଣା ନିରୂପିତ ମାସରେ ଖାଦ୍ୟଦ୍ରବ୍ୟ ଯୋଗାଇଲେ; ସେମାନେ କିଛି ଊଣା କଲେ ନାହିଁ।
\v 28 ସେମାନଙ୍କର ପ୍ରତ୍ୟେକ ଜଣ ମଧ୍ୟ ଆପଣା ଆପଣା ନିରୂପିତ କର୍ମାନୁସାରେ ଅଶ୍ୱ ଓ ଦ୍ରୁତଗାମୀ ବାହନସକଳ ନିମନ୍ତେ ଅଧ୍ୟକ୍ଷମାନଙ୍କ ଥିବା ସ୍ଥାନକୁ ଯବ ଓ ତୃଣ ଆଣିଲେ।
\s5
\v 29 ଆହୁରି ପରମେଶ୍ୱର ଶଲୋମନଙ୍କୁ ଅତିଶୟ ଜ୍ଞାନ ଓ ବୁଦ୍ଧି, ପୁଣି, ସମୁଦ୍ରତୀରସ୍ଥ ବାଲୁକା ନ୍ୟାୟ ମନର ବିସ୍ତୀର୍ଣ୍ଣତା ପ୍ରଦାନ କଲେ।
\v 30 ପୂର୍ବଦେଶୀୟ ଓ ମିସ୍ରୀୟ ସମସ୍ତ ଲୋକଙ୍କର ସମୁଦାୟ ଜ୍ଞାନ ଅପେକ୍ଷା ଶଲୋମନଙ୍କର ଜ୍ଞାନ ଅଧିକ ହେଲା।
\v 31 କାରଣ, ସେ ସମସ୍ତ ଲୋକଙ୍କଠାରୁ, ଇଷ୍ରାହୀୟ ଏଥନ୍‍ ଓ ମାହୋଲର ପୁତ୍ର ହେମନ ଓ କଲ୍‍କୋଲ୍‍ ଓ ଦର୍ଦା, ଏମାନଙ୍କଠାରୁ ଅଧିକ ଜ୍ଞାନବାନ ଥିଲେ ଓ ଚତୁର୍ଦ୍ଦିଗସ୍ଥ ସକଳ ଗୋଷ୍ଠୀ ମଧ୍ୟରେ ତାଙ୍କର ସୁଖ୍ୟାତି ବ୍ୟାପିଲା।
\s5
\v 32 ସେ ତିନି ସହସ୍ର ନୀତିକଥା କହିଲେ ଓ ତାଙ୍କର ଗୀତ ଏକ ସହସ୍ର ପାଞ୍ଚ ଥିଲା।
\v 33 ପୁଣି, ସେ ଲିବାନୋନର ଏରସ ବୃକ୍ଷଠାରୁ ପ୍ରାଚୀରରେ ଉତ୍ପନ୍ନ ଏସୋବ ତୃଣ ପର୍ଯ୍ୟନ୍ତ ବୃକ୍ଷମାନର ବର୍ଣ୍ଣନା କଲେ; ସେ ପଶୁ ଓ ପକ୍ଷୀ ଓ ଉରୋଗାମୀ ପ୍ରାଣୀ ଓ ମତ୍ସ୍ୟମାନଙ୍କର ମଧ୍ୟ ବର୍ଣ୍ଣନା କଲେ।
\v 34 ପୁଣି, ପୃଥିବୀସ୍ଥ ଯେଉଁ ଯେଉଁ ରାଜା ଶଲୋମନଙ୍କର ଜ୍ଞାନ ବିଷୟ ଶୁଣିଥିଲେ, ସେମାନଙ୍କ ନିକଟରୁ ସର୍ବ ଦେଶୀୟ ଲୋକେ ତାଙ୍କର ଜ୍ଞାନର କଥା ଶୁଣିବାକୁ ଆସିଲେ।
\s5
\c 5
\s ଶଲୋମନଙ୍କ ମନ୍ଦିର ନିର୍ମାଣର ପ୍ରସ୍ତୁତି
\p
\v 1 ଏଥିଉତ୍ତାରେ ସୋରର ରାଜା ହୂରମ୍‍ ଶଲୋମନଙ୍କ ନିକଟକୁ ଆପଣା ଦାସମାନଙ୍କୁ ପଠାଇଲା; କାରଣ ଲୋକମାନେ ତାଙ୍କ ପିତାଙ୍କର ବଦଳେ ତାଙ୍କୁ ରାଜାଭିଷିକ୍ତ କଲେ ବୋଲି ସେ ଶୁଣିଥିଲା; ଆଉ ଦାଉଦ ସର୍ବଦା ହୂରମ୍‍ର ପ୍ରିୟପାତ୍ର ଥିଲେ।
\v 2 ଏଣୁ ଶଲୋମନ ହୂରମ୍‍ ନିକଟକୁ ଏହି କଥା କହି ପଠାଇଲେ,
\v 3 ଆପଣ ଜାଣନ୍ତି, ମୋ’ ପିତା ଦାଉଦ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ନାମ ଉଦ୍ଦେଶ୍ୟରେ ଗୋଟିଏ ଗୃହ ନିର୍ମାଣ କରି ପାରିଲେ ନାହିଁ, କାରଣ ସଦାପ୍ରଭୁ (ଶତ୍ରୁମାନଙ୍କୁ) ତାଙ୍କର ପଦତଳସ୍ଥ କରିବା ପର୍ଯ୍ୟନ୍ତ ତାଙ୍କ ଚାରି ଆଡ଼େ ଯୁଦ୍ଧ ଘେରିଥିଲା।
\s5
\v 4 ମାତ୍ର ଏବେ ସଦାପ୍ରଭୁ ମୋ’ ପରମେଶ୍ୱର ଚତୁର୍ଦ୍ଦିଗରେ ମୋତେ ବିଶ୍ରାମ ଦେଇଅଛନ୍ତି; ବିପକ୍ଷ କେହି ନାହିଁ, ବା ବିପଦ-ଘଟଣା କିଛି ନାହିଁ।
\v 5 ଏହେତୁ ଦେଖନ୍ତୁ, ସଦାପ୍ରଭୁ ମୋ’ ପରମେଶ୍ୱରଙ୍କ ନାମ ଉଦ୍ଦେଶ୍ୟରେ ମୁଁ ଗୋଟିଏ ଗୃହ ନିର୍ମାଣ କରିବାକୁ ମନସ୍ଥ କରୁଅଛି, କାରଣ ସଦାପ୍ରଭୁ ମୋ’ ପିତା ଦାଉଦଙ୍କୁ କହିଥିଲେ, “ଆମ୍ଭେ ତୁମ୍ଭ ବଦଳେ ତୁମ୍ଭର ଯେଉଁ ପୁତ୍ରକୁ ତୁମ୍ଭ ସିଂହାସନରେ ବସାଇବା, ସେ ଆମ୍ଭ ନାମ ଉଦ୍ଦେଶ୍ୟରେ ଗୃହ ନିର୍ମାଣ କରିବ।”
\s5
\v 6 ଏଣୁ ଏବେ ମୋ’ ପାଇଁ ଲିବାନୋନରୁ ଏରସ ବୃକ୍ଷ କାଟିବାକୁ ଆପଣ ଲୋକମାନଙ୍କୁ ଆଜ୍ଞା ଦେଉନ୍ତୁ; ପୁଣି, ମୋ’ ଦାସମାନେ ଆପଣଙ୍କ ଦାସମାନଙ୍କ ସଙ୍ଗରେ ଥିବେ; ଆଉ ଆପଣ ଯାହା କହିବେ, ତଦନୁସାରେ ଆପଣଙ୍କ ଦାସମାନଙ୍କ ପାଇଁ ମୁଁ ଆପଣଙ୍କୁ ମୂଲ ଦେବି; କାରଣ, ଆପଣ ଜାଣନ୍ତି ଯେ, କାଠ କାଟିବା କାର୍ଯ୍ୟରେ ସୀଦୋନୀୟମାନଙ୍କ ପରି ନିପୁଣ ଲୋକ ଆମ୍ଭମାନଙ୍କ ମଧ୍ୟରେ କେହି ନାହିଁ।
\s5
\v 7 ସେତେବେଳେ ହୂରମ୍‍ ଶଲୋମନଙ୍କର ଏହି କଥା ଶୁଣନ୍ତେ, ଅତି ଆନନ୍ଦିତ ହୋଇ କହିଲା, “ସଦାପ୍ରଭୁ ଆଜି ଧନ୍ୟ ହେଉନ୍ତୁ, ସେ ଏହି ମହାଗୋଷ୍ଠୀ ଉପରେ ଦାଉଦଙ୍କୁ ଏକ ଜ୍ଞାନବାନ ପୁତ୍ର ଦେଇଅଛନ୍ତି।”
\v 8 ଏଉତ୍ତାରେ ହୂରମ୍‍ ଶଲୋମନଙ୍କ ନିକଟକୁ କହି ପଠାଇଲା, ଆପଣ ମୋ’ ନିକଟକୁ ଯେଉଁ କଥା କହି ପଠାଇଲେ, ତାହା ମୁଁ ଶୁଣିଲି; ମୁଁ ଏରସ ଓ ଦେବଦାରୁ କାଷ୍ଠ ବିଷୟରେ ଆପଣଙ୍କର ସମସ୍ତ ବାଞ୍ଛା ସଫଳ କରିବି।
\s5
\v 9 ମୋ’ ଦାସମାନେ ଲିବାନୋନଠାରୁ ସମୁଦ୍ର ପର୍ଯ୍ୟନ୍ତ ତାହା ଆଣିବେ; ପୁଣି, ଆପଣ ଯେଉଁ ସ୍ଥାନ ନିରୂପଣ କରିବେ, ସେଠାକୁ ମୁଁ ଭେଳା ବାନ୍ଧି ସମୁଦ୍ର ପଥରେ ପଠାଇ ସେଠାରେ ତାହା ଫିଟାଇଦେବି, ତହୁଁ ଆପଣ ନେଇଯିବେ; ଆଉ ଆପଣ ମୋ’ ଗୃହ ପାଇଁ ଖାଦ୍ୟଦ୍ରବ୍ୟ ଯୋଗାଇ ମୋ’ ବାଞ୍ଛା ସଫଳ କରିବେ।
\s5
\v 10 ଏହିରୂପେ ହୂରମ୍‍ ଶଲୋମନଙ୍କର ସମସ୍ତ ବାଞ୍ଛାନୁସାରେ ତାଙ୍କୁ ଏରସ ଓ ଦେବଦାରୁ କାଷ୍ଠ ଦେଲା।
\v 11 ପୁଣି, ଶଲୋମନ ହୂରମ୍‍ ଗୃହର ଖାଦ୍ୟ ନିମନ୍ତେ ତାହାକୁ କୋଡ଼ିଏ ହଜାର ମହଣ ଗହମ
\f +
\fr 5:11
\fq କୋଡ଼ିଏ ହଜାର ମହଣ ଗହମ
\ft ପ୍ରାୟ ଲକ୍ଷ କିଲୋଗ୍ରାମ୍
\f* ଓ କୋଡ଼ିଏ ହଜାର ମହଣ ପେଷା ତେଲ
\f +
\fr 5:11
\fq କୋଡ଼ିଏ ହଜାର ମହଣ ପେଷା ତେଲ
\ft ପ୍ରାୟ ୪, କିଲୋଗ୍ରାମ୍
\f* ଦେଲେ; ଏହିରୂପେ ବର୍ଷକୁ ବର୍ଷ ଶଲୋମନ ହୂରମ୍‍କୁ ଦେଲେ।
\v 12 ପୁଣି, ସଦାପ୍ରଭୁ ଆପଣା ପ୍ରତିଜ୍ଞାନୁସାରେ ଶଲୋମନଙ୍କୁ ଜ୍ଞାନ ଦେଲେ; ଆଉ ହୂରମ୍‍ ଓ ଶଲୋମନଙ୍କ ମଧ୍ୟରେ ସନ୍ଧି ଥିଲା ଓ ସେ ଦୁହେଁ ପରସ୍ପର ନିୟମ କଲେ।
\s5
\v 13 ଏଥିଉତ୍ତାରେ ଶଲୋମନ ରାଜା ସମୁଦାୟ ଇସ୍ରାଏଲ ମଧ୍ୟରୁ ବେଠିକର୍ମ ନିମନ୍ତେ ଲୋକ ସଂଗ୍ରହ କଲେ; ତହିଁରେ ତିରିଶ ହଜାର ଲୋକ ସଂଗୃହୀତ ହେଲେ।
\v 14 ପୁଣି, ସେ ପାଳି ଅନୁସାରେ ମାସକୁ ଦଶ ହଜାର ଲୋକ ଲିବାନୋନକୁ ପଠାଇଲେ; ସେମାନେ ମାସେ ଲେଖାଏଁ ଲିବାନୋନରେ ଓ ଦୁଇ ମାସ ଲେଖାଏଁ ଘରେ ରହିଲେ ଓ ଅଦୋନୀରାମ୍‍ ବେଠିକର୍ମକାରୀମାନଙ୍କର ଅଧ୍ୟକ୍ଷ ଥିଲା।
\s5
\v 15 ପୁଣି, ଶଲୋମନଙ୍କର ସତୁରି ହଜାର ଭାରବାହକ ଓ ପର୍ବତରେ ଅଶୀ ହଜାର ପଥର-କଟାଳୀ ଥିଲେ।
\v 16 ଏହାଛଡ଼ା କର୍ମକାରୀ ଲୋକମାନଙ୍କ ଉପରେ ଶଲୋମନଙ୍କର ତିନି ହଜାର ତିନି ଶହ ପ୍ରଧାନ କାର୍ଯ୍ୟାଧ୍ୟକ୍ଷ ନିଯୁକ୍ତ ଥିଲେ।
\s5
\v 17 ପୁଣି, ପ୍ରସ୍ତୁତ ପ୍ରସ୍ତରରେ ଗୃହର ଭିତ୍ତିମୂଳ ସ୍ଥାପନ କରିବା ନିମନ୍ତେ ସେମାନେ ରାଜାଜ୍ଞାରେ ବୃହତ ପ୍ରସ୍ତର ଓ ମୂଲ୍ୟବାନ ପ୍ରସ୍ତର ଖୋଳିଲେ।
\v 18 ଆଉ ଶଲୋମନଙ୍କର, ହୂରମ୍‍ର ରାଜମିସ୍ତ୍ରୀମାନେ ଓ ଗିବ୍‍ଲୀୟ ଲୋକମାନେ ସେସବୁର ଗଠନ କଲେ, ଏହିରୂପେ ସେମାନେ ଗୃହ-ନିର୍ମାଣ ନିମନ୍ତେ କାଷ୍ଠ ଓ ପ୍ରସ୍ତର ପ୍ରସ୍ତୁତ କଲେ।
\s5
\c 6
\s ଶଲୋମନଙ୍କ ମନ୍ଦିର ନିର୍ମାଣ
\p
\v 1 ମିସର ଦେଶରୁ ଇସ୍ରାଏଲ ସନ୍ତାନଗଣ ବାହାରି ଆସିଲା ଉତ୍ତାରେ ଚାରି ଶହ ଅଶୀ ବର୍ଷରେ ଓ ଇସ୍ରାଏଲ ଉପରେ ଶଲୋମନଙ୍କର ରାଜତ୍ୱର ଚତୁର୍ଥ ବର୍ଷର ସିବ୍‍ ନାମକ ଦ୍ୱିତୀୟ ମାସରେ ସେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗୃହ ନିର୍ମାଣ କରିବାକୁ ଆରମ୍ଭ କଲେ।
\v 2 ପୁଣି, ଶଲୋମନ ରାଜା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଯେଉଁ ଗୃହ ନିର୍ମାଣ କଲେ, ତହିଁର ଦୈର୍ଘ୍ୟ ଷାଠିଏ ହାତ ଓ ପ୍ରସ୍ଥ କୋଡ଼ିଏ ହାତ ଓ ଉଚ୍ଚତା ତିରିଶ ହାତ।
\s5
\v 3 ଆଉ ଗୃହର ପବିତ୍ର ସ୍ଥାନ ସମ୍ମୁଖସ୍ଥ ବାରଣ୍ଡା, ଗୃହର ପ୍ରସ୍ଥାନୁସାରେ କୋଡ଼ିଏ ହାତ ଦୀର୍ଘ ଓ ଗୃହର ସମ୍ମୁଖରେ ତହିଁର ପ୍ରସ୍ଥ ଦଶ ହାତ ଥିଲା।
\v 4 ପୁଣି, ଗୃହ ନିମନ୍ତେ ସେ ବନ୍ଦ ଜାଲିଝରକା ନିର୍ମାଣ କଲେ।
\s5
\v 5 ପୁଣି, ସେ ଗୃହର କାନ୍ଥ ଚାରିଆଡ଼େ, ଅର୍ଥାତ୍‍, ମନ୍ଦିର ଓ ମହା ପବିତ୍ର ସ୍ଥାନ ର କାନ୍ଥକୁ ଲଗାଇ ଚାରିଆଡ଼େ ମହଲା ବନାଇଲେ ଓ ଚାରିଆଡ଼େ କୋଠରି ନିର୍ମାଣ କଲେ।
\v 6 ତହିଁରେ ତଳ ମହଲା ପାଞ୍ଚ ହାତ ପ୍ରସ୍ଥ, ମଧ୍ୟ ମହଲା ଛଅ ହାତ ପ୍ରସ୍ଥ ଓ ତୃତୀୟ ମହଲା ସାତ ହାତ ପ୍ରସ୍ଥ ଥିଲା। କାରଣ, କଡ଼ିକାଠ ଯେପରି ଗୃହର କାନ୍ଥରେ ବନ୍ଦ ନ ହୁଏ, ଏଥିପାଇଁ ସେ ଚାରିଆଡ଼େ ଗୃହର କାନ୍ଥର ବାହାର ଭାଗରେ ଆଧାର କଲେ।
\s5
\v 7 ସେହି ଗୃହ ନିର୍ମିତ ହେବା ସମୟରେ ତାହା ପଥରଖଣିରେ ପ୍ରସ୍ତୁତ ପଥରରେ ଗଢ଼ାଯାଇଥିଲା; ଏଣୁ ସେ ଗୃହ ନିର୍ମିତ ହେବା ସମୟଯାକ ତହିଁ ମଧ୍ୟରେ ହାତୁଡ଼ି କି କଟାଳି, କୌଣସି ଲୌହାସ୍ତ୍ରର ଶବ୍ଦ ଶୁଣା ନ ଗଲା।
\v 8 ମଧ୍ୟମ କୋଠରିମାନର ଦ୍ୱାର ଗୃହର ଦକ୍ଷିଣ ଭାଗରେ ଥିଲା; ପୁଣି, ଲୋକମାନେ ଘୂର୍ଣ୍ଣିତ ସୋପାନ ଦେଇ ମଧ୍ୟମ କୋଠରିକୁ ଓ ମଧ୍ୟମ କୋଠରିରୁ ତୃତୀୟ କୋଠରିକୁ ଚଢ଼ି ଗଲେ।
\s5
\v 9 ଏହିରୂପେ ସେ ଗୃହ ନିର୍ମାଣ କାର୍ଯ୍ୟ ସମାପ୍ତ କଲେ, ଏରସ କାଷ୍ଠର କଡ଼ି ଓ ପଟାରେ ଗୃହ ଆଚ୍ଛାଦନ କଲେ।
\v 10 ଆଉ, ସେ ସମୁଦାୟ ଗୃହକୁ ଲଗାଇ ପାଞ୍ଚ ପାଞ୍ଚ ହାତ ଉଚ୍ଚର ମହଲା ବନାଇଲେ ଓ ଏରସ କାଷ୍ଠ ଦ୍ୱାରା ଗୃହ ଉପରେ ସେହିସବୁର ଭାର ରହିଲା।
\s5
\v 11 ଏଥିଉତ୍ତାରେ ଶଲୋମନଙ୍କ ନିକଟରେ ସଦାପ୍ରଭୁଙ୍କ ବାକ୍ୟ ଉପସ୍ଥିତ ହେଲା, ଯଥା,
\v 12 ତୁମ୍ଭେ ତ ଏହି ଗୃହ ନିର୍ମାଣ କରୁଅଛ, ଯଦି ତୁମ୍ଭେ ଆମ୍ଭର ସମସ୍ତ ବିଧି ଅନୁସାରେ ଚାଲିବ ଓ ଆମ୍ଭର ସକଳ ଶାସନ ରକ୍ଷା କରିବ ଓ ଆମ୍ଭର ଆଜ୍ଞାସବୁ ପାଳନ କରି ତଦନୁସାରେ ଚାଲିବ; ତେବେ ଆମ୍ଭେ ତୁମ୍ଭ ପିତା ଦାଉଦଙ୍କୁ ଯାହା କହିଅଛୁ, ଆମ୍ଭେ ଆପଣାର ସେହି ବାକ୍ୟ ତୁମ୍ଭ ପ୍ରତି ସଫଳ କରିବା।
\v 13 ପୁଣି, ଆମ୍ଭେ ଇସ୍ରାଏଲ-ସନ୍ତାନଗଣଙ୍କ ମଧ୍ୟରେ ବାସ କରିବା ଓ ଆପଣା ଲୋକ ଇସ୍ରାଏଲକୁ ପରିତ୍ୟାଗ କରିବା ନାହିଁ।
\s5
\v 14 ଏହିରୂପେ ଶଲୋମନ ଗୃହ ନିର୍ମାଣ କରି ତାହା ସମାପ୍ତ କଲେ।
\v 15 ସେ ଗୃହର ଭିତର କାନ୍ଥସବୁରେ ଏରସ କାଷ୍ଠର ପଟା ଦେଲେ; ଗୃହର ଚଟାଣରୁ କାନ୍ଥର ଛାତ ପର୍ଯ୍ୟନ୍ତ ଭିତରଯାକ ସେ ସେହି କାଷ୍ଠରେ ଆଚ୍ଛାଦନ କଲେ; ପୁଣି, ଦେବଦାରୁ ପଟାରେ ଗୃହର ଚଟାଣ ଆଚ୍ଛାଦନ କଲେ।
\s5
\v 16 ପୁଣି, ସେ ଗୃହର ପଶ୍ଚାତ୍‍ଭାଗ କୋଡ଼ିଏ ହାତ କରି ଚଟାଣରୁ କାନ୍ଥ ପର୍ଯ୍ୟନ୍ତ ଏରସ କାଷ୍ଠର ପଟା ଦେଲେ; ସେ ଭିତରେ ମହା ପବିତ୍ର ସ୍ଥାନ , ଅର୍ଥାତ୍‍, ମହାପବିତ୍ର-ସ୍ଥାନ ନିମନ୍ତେ ତାହା ପ୍ରସ୍ତୁତ କଲେ।
\v 17 ତହିଁରେ ଗୃହ, ଅର୍ଥାତ୍‍, ମହା ପବିତ୍ର ସ୍ଥାନ ର ସମ୍ମୁଖସ୍ଥ ମନ୍ଦିର ଚାଳିଶ ହାତ ଦୀର୍ଘ ହେଲା।
\v 18 ପୁଣି, ଗୃହ ଭିତରେ ଏରସ କାଷ୍ଠରେ କଳିକା ଓ ପ୍ରସ୍ପୁଟିତ ପୁଷ୍ପ ଖୋଦିତ କଲେ; ସବୁ ଏରସ କାଷ୍ଠର ଥିଲା; କିଛି ମାତ୍ର ପ୍ରସ୍ତର ଦୃଶ୍ୟ ନୋହିଲା।
\s5
\v 19 ପୁଣି, ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ସ୍ଥାପନାର୍ଥେ ଅନ୍ତଃସ୍ଥ ଗୃହ ମଧ୍ୟରେ ସେ ମହା ପବିତ୍ର ସ୍ଥାନ ପ୍ରସ୍ତୁତ କଲେ।
\v 20 ଆଉ ସେହି ମହା ପବିତ୍ର ସ୍ଥାନ ଭିତର କୋଡ଼ିଏ ହାତ ଦୀର୍ଘ, କୋଡ଼ିଏ ହାତ ପ୍ରସ୍ଥ ଓ କୋଡ଼ିଏ ହାତ ଉଚ୍ଚ ଥିଲା, ଆଉ ସେ ତହିଁରେ ନିର୍ମଳ ସୁବର୍ଣ୍ଣ ମଡ଼ାଇଲେ ଓ ଧୂପବେଦି ଏରସ କାଷ୍ଠରେ ଆଚ୍ଛାଦନ କଲେ।
\s5
\v 21 ଏହିରୂପେ ଶଲୋମନ ଗୃହ ଭିତର ନିର୍ମଳ ସୁବର୍ଣ୍ଣରେ ମଡ଼ାଇଲେ ଓ ମହା ପବିତ୍ର ସ୍ଥାନ ସମ୍ମୁଖରେ ସୁବର୍ଣ୍ଣ ଜଞ୍ଜିରମାନ ଟଙ୍ଗାଇଲେ ଓ ସେ ତାହା ସୁବର୍ଣ୍ଣରେ ମଡ଼ାଇଲେ।
\v 22 ପୁଣି, ସମୁଦାୟ ଗୃହ ସମାପ୍ତ ହେବା ପର୍ଯ୍ୟନ୍ତ ସମସ୍ତ ଗୃହ ସୁବର୍ଣ୍ଣରେ ମଡ଼ାଇଲେ; ମଧ୍ୟ ମହା ପବିତ୍ର ସ୍ଥାନ ର ଧୂପବେଦି ସମ୍ପୂର୍ଣ୍ଣ ରୂପେ ସୁବର୍ଣ୍ଣରେ ମଡ଼ାଇଲେ।
\s5
\v 23 ପୁଣି, ସେ ମହା ପବିତ୍ର ସ୍ଥାନ ମଧ୍ୟରେ ଦଶ ହାତ ଉଚ୍ଚ ଜୀତ କାଷ୍ଠର ଦୁଇ କିରୂବ ନିର୍ମାଣ କଲେ।
\v 24 ଏକ କିରୂବର ଏକ ପକ୍ଷ ପାଞ୍ଚ ହାତ ଓ ଅନ୍ୟ ପକ୍ଷ ହିଁ ପାଞ୍ଚ ହାତ ଥିଲା; ଏକ ପକ୍ଷର ଅଗ୍ରଭାଗରୁ ଅନ୍ୟ ପକ୍ଷର ଅଗ୍ରଭାଗ ପର୍ଯ୍ୟନ୍ତ ଦଶ ହାତ ଥିଲା।
\v 25 ସେରୂପେ ଅନ୍ୟ କିରୂବ ହିଁ ଦଶ ହାତ ଥିଲା; ଦୁଇ କିରୂବଯାକ ଏକ ମାପ ଓ ଏକ ଆକାରର ଥିଲେ।
\v 26 ଏକ କିରୂବର ଉଚ୍ଚତା ଦଶ ହାତ, ଅନ୍ୟ କିରୂବର ମଧ୍ୟ ସେହିପରି ଥିଲା।
\s5
\v 27 ପୁଣି, ସେ ସେହି କିରୂବଦ୍ୱୟକୁ ଅନ୍ତରାଗାର ମଧ୍ୟରେ ରଖିଲେ; ଆଉ ସେହି କିରୂବମାନଙ୍କର ପକ୍ଷ ଏପରି ବିସ୍ତୀର୍ଣ୍ଣ ହୋଇଥିଲା ଯେ, ଏକର ପକ୍ଷ ଏକ କାନ୍ଥକୁ ଓ ଅନ୍ୟର ପକ୍ଷ ଅନ୍ୟ କାନ୍ଥକୁ ସ୍ପର୍ଶ କଲା; ପୁଣି, ଗୃହ ମଧ୍ୟରେ ସେମାନଙ୍କ ପକ୍ଷ ପରସ୍ପର ସ୍ପର୍ଶ କଲା।
\v 28 ତହୁଁ ସେ କିରୂବମାନଙ୍କୁ ସୁବର୍ଣ୍ଣରେ ମଡ଼ାଇଲେ।
\s5
\v 29 ପୁଣି, ସେ ଗୃହର ସକଳ କାନ୍ଥର ଭିତରେ ବାହାରେ ଚାରିଆଡ଼େ ଖୋଦିତ କିରୂବ ଓ ଖର୍ଜ୍ଜୁରବୃକ୍ଷ ଓ ପ୍ରସ୍ପୁଟିତ ପୁଷ୍ପମାନଙ୍କର ଆକୃତି ଖୋଳିଲେ।
\v 30 ଆହୁରି ଗୃହ-ଚଟାଣର ଭିତର ବାହାର ସୁବର୍ଣ୍ଣରେ ମଡ଼ାଇଲେ।
\s5
\v 31 ଆଉ, ସେ ମହା ପବିତ୍ର ସ୍ଥାନ ର ପ୍ରବେଶ-ଦ୍ୱାର ଜୀତ କାଷ୍ଠରେ ନିର୍ମାଣ କଲେ, ତହିଁର କପାଳୀ ଓ ବାଜୁବନ୍ଧ କାନ୍ଥର ପଞ୍ଚମାଂଶ ଥିଲା।
\v 32 ଏହିରୂପେ ସେ ଜୀତ କାଷ୍ଠରେ ଦୁଇ କବାଟ କଲେ; ତହିଁ ଉପରେ କିରୂବ ଓ ଖର୍ଜ୍ଜୁରବୃକ୍ଷ ଓ ପ୍ରସ୍ପୁଟିତ ପୁଷ୍ପମାନର ଆକୃତି ଖୋଦାଇଲେ ଓ ତାହା ସୁବର୍ଣ୍ଣରେ ମଡ଼ାଇଲେ; ଆଉ କିରୂବ ଓ ଖର୍ଜ୍ଜୁରବୃକ୍ଷମାନ ଉପରେ ସୁବର୍ଣ୍ଣ ମଡ଼ାଇଲେ।
\s5
\v 33 ତଦ୍ରୂପ ମନ୍ଦିରର ପ୍ରବେଶ-ଦ୍ୱାର ନିମନ୍ତେ କାନ୍ଥର ଚତୁର୍ଥାଂଶରେ ଜୀତ କାଷ୍ଠର ଚୌକାଠ କଲେ;
\v 34 ଆଉ, ଦେବଦାରୁ କାଷ୍ଠରେ ଦୁଇ କବାଟ କଲେ; ଏକ କବାଟର ଦୁଇ ପଟ ଦୋହରା ଥିଲା, ଅନ୍ୟ କବାଟର ଦୁଇ ପଟ ଦୋହରା ଥିଲା।
\v 35 ପୁଣି, ସେ ତହିଁ ଉପରେ କିରୂବ ଓ ଖର୍ଜ୍ଜୁରବୃକ୍ଷ ଓ ପ୍ରସ୍ପୁଟିତ ପୁଷ୍ପମାନ ଖୋଳି ସେହି ଖୋଦିତ କର୍ମର ଆକୃତି ଅନୁସାରେ ସୁବର୍ଣ୍ଣ ମଡ଼ାଇଲେ।
\s5
\v 36 ପୁଣି, ସେ ତିନି ଧାଡ଼ି ଖୋଦିତ ପ୍ରସ୍ତରରେ ଓ ଏକ ଧାଡ଼ି ଏରସ କାଷ୍ଠର କଡ଼ିରେ ଭିତର ପ୍ରାଙ୍ଗଣ ନିର୍ମାଣ କଲେ।
\s5
\v 37 ଚତୁର୍ଥ ବର୍ଷର ସିବ୍‍ ମାସରେ ସଦାପ୍ରଭୁଙ୍କ ଗୃହର ଭିତ୍ତିମୂଳ ସ୍ଥାପିତ ହେଲା।
\v 38 ପୁଣି, ଏକାଦଶ ବର୍ଷର ବୂଲ ନାମକ ଅଷ୍ଟମ ମାସରେ ନିରୂପିତ ଆକୃତି ଅନୁସାରେ ସମୁଦାୟ ଅଂଶରେ ଗୃହର ନିର୍ମାଣ କାର୍ଯ୍ୟ ସମାପ୍ତ ହେଲା। ଏରୂପେ ତାହା ନିର୍ମାଣ କରିବାରେ ତାଙ୍କୁ ସାତ ବର୍ଷ ଲାଗିଲା।
\s5
\c 7
\s ଶଲୋମନଙ୍କ ପ୍ରାସାଦ ନିର୍ମାଣ
\p
\v 1 ଏଥିଉତ୍ତାରେ ଶଲୋମନ ତେର ବର୍ଷ ଆପଣା ଗୃହ ନିର୍ମାଣ କରିବାରେ ଲାଗି ଆପଣାର ସମୁଦାୟ ଗୃହ ସମାପ୍ତ କଲେ।
\v 2 କାରଣ, ସେ ଲିବାନୋନ-ଅରଣ୍ୟ ନାମକ ଗୃହ ନିର୍ମାଣ କଲେ; ତହିଁର ଦୀର୍ଘତା ଏକ ଶହ ହାତ, ତହିଁର ପ୍ରସ୍ଥ ପଚାଶ ହାତ ଓ ତହିଁର ଉଚ୍ଚତା ତିରିଶ ହାତ, ଚାରି ଧାଡ଼ି ଏରସ କାଷ୍ଠର ସ୍ତମ୍ଭ ଉପରେ ଏରସ କାଷ୍ଠର କଡ଼ି ଦେଇ ତାହା ନିର୍ମାଣ କଲେ।
\s5
\v 3 ଆଉ, ସ୍ତମ୍ଭମାନର ଉପରିସ୍ଥିତ ପଞ୍ଚଚାଳିଶ କଡ଼ି ଉପରେ ଏରସ କାଷ୍ଠର ଛାତ କଲେ; ଧାଡ଼ିକେ ପନ୍ଦର ଲେଖାଏଁ।
\v 4 ପୁଣି, ତିନି ଧାଡ଼ି ଖିଡ଼ିକି ଥିଲା ଓ ତିନି ଧାଡ଼ିର ଆଲୁଅ ସମ୍ମୁଖାସମ୍ମୁଖୀ ଥିଲା।
\v 5 ଖିଡ଼ିକିର ସମସ୍ତ ଦ୍ୱାର ଓ ଚୌକାଠ ଚାରି ଚୌରସ ଥିଲା ଓ ତିନି ଧାଡ଼ିର ଆଲୁଅ ସମ୍ମୁଖାସମ୍ମୁଖୀ ଥିଲା।
\s5
\v 6 ଆହୁରି ସେ ସ୍ତମ୍ଭଶ୍ରେଣୀର ବାରଣ୍ଡା କଲେ; ତହିଁର ଦୀର୍ଘତା ପଚାଶ ହାତ, ପ୍ରସ୍ଥ ତିରିଶ ହାତ; ତହିଁ ସମ୍ମୁଖରେ ଆଉ ଏକ ବାରଣ୍ଡା କଲେ ଓ ତହିଁ ସମ୍ମୁଖରେ ସ୍ତମ୍ଭ ଓ ମୋଟ କଡ଼ିମାନ ଦେଲେ।
\s5
\v 7 ପୁଣି, ସେ ବିଚାରାର୍ଥେ ସିଂହାସନର ବାରଣ୍ଡା, ଅର୍ଥାତ୍‍, ବିଚାର-ବାରଣ୍ଡା କଲେ; ଆଉ ଚଟାଣକୁ ଚଟାଣ ଏରସ କାଷ୍ଠରେ ଆଚ୍ଛାଦିତ କଲେ।
\s5
\v 8 ଆଉ, ତାଙ୍କର ବାସଗୃହ, ବାରଣ୍ଡା ଭିତର ଅନ୍ୟ ପ୍ରାଙ୍ଗଣର କାର୍ଯ୍ୟ ପରି ଥିଲା। ଆଉ, ଶଲୋମନ ଆପଣା ଭାର୍ଯ୍ୟା ଫାରୋର କନ୍ୟା ନିମନ୍ତେ ସେହି ବାରଣ୍ଡା ପରି ଏକ ଗୃହ ମଧ୍ୟ ନିର୍ମାଣ କଲେ।
\s5
\v 9 ଏହିସବୁ ଭିତ୍ତିମୂଳ ଠାରୁ ଛାତ ପର୍ଯ୍ୟନ୍ତ ଭିତରେ ଓ ବାହାରେ ଖୋଦିତ ପ୍ରସ୍ତରର ପରିମାଣାନୁସାରେ କରତରେ ଚିରା ବହୁମୂଲ୍ୟ ପ୍ରସ୍ତର ଦ୍ୱାରା ନିର୍ମିତ ହେଲା। ପୁଣି, ବାହାରେ ବୃହତ ପ୍ରାଙ୍ଗଣ ପର୍ଯ୍ୟନ୍ତ ସେହିରୂପ ହେଲା।
\v 10 ଆଉ ଦଶ ହାତ ଓ ଆଠ ହାତର ବଡ଼ ବଡ଼ ଓ ବହୁମୂଲ୍ୟ ପ୍ରସ୍ତରରେ ଭିତ୍ତିମୂଳ ହେଲା।
\s5
\v 11 ପୁଣି, ଉପରେ ପରିମାଣାନୁସାରେ ବହୁମୂଲ୍ୟ ଓ ଖୋଦିତ ପ୍ରସ୍ତର ଓ ଏରସ କାଷ୍ଠ ଥିଲା।
\v 12 ଆଉ ଯେପରି ସଦାପ୍ରଭୁଙ୍କ ଗୃହର ଭିତର ପ୍ରାଙ୍ଗଣ ଓ ଗୃହ-ବାରଣ୍ଡାରେ, ସେପରି ବୃହତ ପ୍ରାଙ୍ଗଣର ଚତୁର୍ଦ୍ଦିଗରେ ତିନି ଧାଡ଼ି ଖୋଦିତ ପ୍ରସ୍ତର ଓ ଏକ ଧାଡ଼ି ଏରସ-କଡ଼ି ଥିଲା।
\s ହୂରମ୍‍ଙ୍କ ଶିଳ୍ପ କାର୍ଯ୍ୟ
\p
\s5
\v 13 ଏଥିଉତ୍ତାରେ ଶଲୋମନ ରାଜା ଲୋକ ପଠାଇ ହୂରମ୍‍କୁ ସୋରରୁ ଅଣାଇଲେ।
\v 14 ସେ ନପ୍ତାଲି-ବଂଶୀୟ ଏକ ବିଧବା ସ୍ତ୍ରୀର ପୁତ୍ର, ତାହାର ପିତା ସୋର ନଗରସ୍ଥ ଏକ କାଂସ୍ୟକାର ଥିଲା; ପୁଣି, ସେ ପିତ୍ତଳର ସମସ୍ତ କାର୍ଯ୍ୟ କରିବାକୁ ଜ୍ଞାନ ଓ ବୁଦ୍ଧି ଓ ବିଦ୍ୟାରେ ପରିପୂର୍ଣ୍ଣ ଥିଲା। ପୁଣି, ସେ ଶଲୋମନ ରାଜାଙ୍କ ନିକଟକୁ ଆସି ତାଙ୍କର ସମସ୍ତ କାର୍ଯ୍ୟ କଲା।
\s ଦୁଇଟି ପିତ୍ତଳ ସ୍ତମ୍ଭ
\p
\s5
\v 15 ଆଉ ସେ ଅଠର ହାତ ଉଚ୍ଚ ଓ ବାର ହାତ ପରିଧିରେ ଦୁଇ ପିତ୍ତଳ ସ୍ତମ୍ଭ ନିର୍ମାଣ କଲା।
\v 16 ପୁଣି, ସେ ଦୁଇ ସ୍ତମ୍ଭର ମଥାନରେ ଦେବା ପାଇଁ ଢଳା ପିତ୍ତଳର ଦୁଇ ମୁଣ୍ଡାଳି କଲା; ଏକ ମୁଣ୍ଡାଳିର ଉଚ୍ଚତା ପାଞ୍ଚ ହାତ ଓ ଅନ୍ୟ ମୁଣ୍ଡାଳିର ଉଚ୍ଚତା ପାଞ୍ଚ ହାତ ଥିଲା।
\v 17 ସ୍ତମ୍ଭ-ମଥାନର ସେହି ମୁଣ୍ଡାଳି ନିମନ୍ତେ ଜାଲିକାର୍ଯ୍ୟର ଜାଲି ଓ ଜଞ୍ଜିର କାର୍ଯ୍ୟର ମାଳା ଥିଲା, ଏକ ମୁଣ୍ଡାଳି ପାଇଁ ସାତ ଓ ଅନ୍ୟ ମୁଣ୍ଡାଳି ପାଇଁ ସାତ।
\s5
\v 18 ଏହିପରି ସେ ସ୍ତମ୍ଭ ନିର୍ମାଣ କଲା; ସ୍ତମ୍ଭ-ମଥାନରେ ଥିବା ମୁଣ୍ଡାଳିର ଆଚ୍ଛାଦନାର୍ଥକ ପ୍ରତ୍ୟେକ ଜାଲିକାର୍ଯ୍ୟ ଉପରେ ଚତୁର୍ଦ୍ଦିଗରେ ଦୁଇ ଧାଡ଼ି ଡାଳିମ୍ବ ଥିଲା ଓ ସେ ଅନ୍ୟ ମୁଣ୍ଡାଳି ନିମନ୍ତେ ତଦ୍ରୂପ କଲା।
\v 19 ପୁଣି, ବାରଣ୍ଡା ଭିତର ସ୍ତମ୍ଭ-ମଥାନର ମୁଣ୍ଡାଳି ଚାରି ହାତ କଇଁଫୁଲ-କର୍ମବିଶିଷ୍ଟ ଥିଲା।
\s5
\v 20 ଆଉ, ଦୁଇ ସ୍ତମ୍ଭର ଉପରି ଭାଗରେ ମଧ୍ୟ ମୁଣ୍ଡାଳି ଥିଲା, ତାହା ଜାଲିକର୍ମ ସନ୍ନିକଟ ଗର୍ଭ ପାଖରେ ଥିଲା; ପୁଣି, ଅନ୍ୟ ମୁଣ୍ଡାଳି ଉପରେ ଚତୁର୍ଦ୍ଦିଗରେ ଧାଡ଼ି ଧାଡ଼ି ହୋଇ ଦୁଇ ଶହ ଡାଳିମ୍ବ ଥିଲା।
\v 21 ଆହୁରି ସେ ମନ୍ଦିରର ବାରଣ୍ଡାରେ ସେହି ସ୍ତମ୍ଭମାନ ସ୍ଥାପନ କଲା; ଆଉ ସେ ଦକ୍ଷିଣ ସ୍ତମ୍ଭ ସ୍ଥାପନ କରି ତହିଁର ନାମ ଯାଖୀନ୍‍ (ସେ ସ୍ଥିର କରିବେ) ଦେଲା ଓ ସେ ବାମ ସ୍ତମ୍ଭ ସ୍ଥାପନ କରି ତହିଁର ନାମ ବୋୟସ୍‍ (ତହିଁରେ ବଳ) ଦେଲା।
\v 22 ପୁଣି, ସେହି ସ୍ତମ୍ଭ-ମଥାନ ଉପରେ କଇଁଫୁଲ-କର୍ମ ଥିଲା; ଏହିରୂପେ ସ୍ତମ୍ଭ କାର୍ଯ୍ୟ ସମାପ୍ତ ହେଲା।
\s ପିତ୍ତଳ କୁଣ୍ଡ
\p
\s5
\v 23 ଏଥିଉତ୍ତାରେ ସେ ଛାଞ୍ଚରେ ଢଳା ଗୋଲାକାର ସମୁଦ୍ର ରୂପ ପାତ୍ର ନିର୍ମାଣ କଲା, ତାହା ଏକ ଫନ୍ଦରୁ ଅନ୍ୟ ଫନ୍ଦ ଯାଏ ଦଶ ହାତ ଓ ତହିଁର ଉଚ୍ଚତା ପାଞ୍ଚ ହାତ ଓ ତହିଁର ପରିଧି ତିରିଶ ହାତ ପରିମିତ ଥିଲା।
\v 24 ଆଉ ଫନ୍ଦ ତଳେ ଚତୁର୍ଦ୍ଦିଗରେ କଳିକାମାନ ପରିବେଷ୍ଟିତ ଥିଲା, ତାହା ହାତକେ ଦଶ ଲେଖାଏଁ ସମୁଦ୍ରରୂପ ପାତ୍ରକୁ ବେଷ୍ଟନ କରି ରହିଲା; ପାତ୍ର ଢଳା ହେବା ବେଳେ ଏହି କଳିକାମାନ ଦୁଇ ଧାଡ଼ିରେ ଢଳା ଯାଇଥିଲା।
\s5
\v 25 ଏହି ପାତ୍ର ଦ୍ୱାଦଶ ଗୋରୁ ଉପରେ ସ୍ଥାପିତ ଥିଲା, ସେମାନଙ୍କ ତିନିର ମୁଖ ଉତ୍ତରକୁ ଓ ତିନିର ମୁଖ ପଶ୍ଚିମକୁ ଓ ତିନିର ମୁଖ ଦକ୍ଷିଣକୁ ଓ ତିନିର ମୁଖ ପୂର୍ବକୁ ଥିଲା; ସେମାନଙ୍କ ଉପରେ ସମୁଦ୍ରରୂପ ପାତ୍ର ସ୍ଥାପିତ ଥିଲା ଓ ସେସମସ୍ତର ପଶ୍ଚାତ୍‍ଭାଗ ଭିତରକୁ ଥିଲା।
\v 26 ସେହି ପାତ୍ର ଚାରି ଅଙ୍ଗୁଳି ମୋଟ, ତହିଁର ଫନ୍ଦ ତାଟିଆର ଫନ୍ଦ ପରି ନିର୍ମିତ, କଇଁଫୁଲ ତୁଲ୍ୟ ଥିଲା; ତହିଁରେ ଦୁଇ ହଜାର ମହଣ ଧରିଲା।
\s ପିତ୍ତଳ ବଇଠି
\p
\s5
\v 27 ପୁଣି, ସେ ଦଶ ପିତ୍ତଳ ବଇଠି କଲା; ପ୍ରତ୍ୟେକ ବଇଠିର ଦୈର୍ଘ୍ୟ ଚାରି ହାତ, ପ୍ରସ୍ଥ ଚାରି ହାତ ଓ ଉଚ୍ଚତା ତିନି ହାତ ଥିଲା।
\v 28 ସେସବୁ ବଇଠିର ଗଠନ ଏହିରୂପ, ଯଥା, ସେସବୁର ମଧ୍ୟଦେଶ ଥିଲା; ସେହିସବୁ ମଧ୍ୟଦେଶ ବିଟମାନର ମଧ୍ୟରେ ଥିଲା;
\v 29 ପୁଣି, ବିଟର ମଧ୍ୟବର୍ତ୍ତା ସେହିସବୁ ମଧ୍ୟଦେଶରେ ସିଂହ, ଗୋରୁ ଓ କିରୂବମାନେ ଥିଲେ; ଆଉ ବିଟ ଉପରେ ଏକ ବଇଠି ଥିଲା; ପୁଣି, ସିଂହ ଓ ଗୋରୁମାନଙ୍କ ତଳେ ସୂକ୍ଷ୍ମ କାର୍ଯ୍ୟର ମାଳା ଥିଲା।
\s5
\v 30 ଆହୁରି ପ୍ରତ୍ୟେକ ବଇଠିର ପିତ୍ତଳମୟ ଚାରି ଚକ୍ର, ପିତ୍ତଳର ଅଖ ଥିଲା ଓ ଚାରିକୋଣରେ ସ୍ଥାପିତ ଅବଲମ୍ବନ ଥିଲା; ସେହିସବୁ ଢଳାକର୍ମର ଅବଲମ୍ବନ ପ୍ରକ୍ଷାଳନ-ପାତ୍ର ତଳେ ଥିଲା ଓ ପ୍ରତ୍ୟେକର ପାର୍ଶ୍ୱରେ ମାଳା ଥିଲା।
\v 31 ପୁଣି, ତହିଁର ମୁଣ୍ଡାଳି ମଧ୍ୟରେ ଓ ତାହା ଉପରେ ତହିଁର ମୁଖ ଏକ ହସ୍ତ, ଆଉ ତହିଁର ମୁଖ ବଇଠିର କର୍ମାନୁସାରେ ଗୋଲାକାର ଓ ଦେଢ଼ ହସ୍ତ ପରିମିତ; ମଧ୍ୟ ତହିଁର ମୁଖ ଉପରେ ଶିଳ୍ପକାର୍ଯ୍ୟ ଓ ତହିଁର ମଧ୍ୟଦେଶସବୁ ଗୋଲାକାର ନୋହି ଚତୁଷ୍କୋଣ ଥିଲା।
\s5
\v 32 ପୁଣି, ମଧ୍ୟଦେଶ ତଳେ ଚାରିଚକ୍ର ଓ ଚକ୍ରର ଅଖ ବଇଠିକିରେ ସଂଯୁକ୍ତ ଥିଲା; ଆଉ ପ୍ରତ୍ୟେକ ଚକ୍ର ଦେଢ଼ ହସ୍ତ ଉଚ୍ଚ ଥିଲା।
\v 33 ଆଉ ସେହିସବୁ ଚକ୍ରର କର୍ମ ରଥଚକ୍ରର କର୍ମ ତୁଲ୍ୟ ଥିଲା; ତହିଁର ଅଖ, ନେମୀ, ନାଭି ଓ ଅରସବୁ ଢଳାକର୍ମର ଥିଲା।
\s5
\v 34 ପୁଣି, ପ୍ରତ୍ୟେକ ବଇଠିକିର ଚାରିକୋଣରେ ଚାରି ଅବଲମ୍ବନ ଥିଲା, ସେହି ଅବଲମ୍ବନ ବଇଠିକି ଦେହରେ ନିର୍ମିତ ଥିଲା।
\v 35 ଆଉ ବଇଠିକି ମୁଣ୍ଡରେ ଅର୍ଦ୍ଧ ହସ୍ତ ଉଚ୍ଚ ଏକ ଗୋଲାକାର ବନ୍ଧନୀ ଥିଲା; ପୁଣି, ବଇଠିକି ଉପରିସ୍ଥ ଅବଲମ୍ବନ ଓ ମଧ୍ୟଦେଶ ତହିଁ ସଙ୍ଗେ ନିର୍ମିତ ଥିଲା।
\s5
\v 36 ପୁଣି, ସେ ତହିଁର ଅବଲମ୍ବନ ପ୍ରଦେଶରେ ଓ ତହିଁର ମଧ୍ୟଦେଶରେ ପ୍ରତ୍ୟେକର ପରିମାଣାନୁଯାୟୀ କିରୂବ, ସିଂହ ଓ ଖର୍ଜ୍ଜୁର ବୃକ୍ଷ ଖୋଦନ କରି ଚତୁର୍ଦ୍ଦିଗରେ ମାଳା ଦେଲା।
\v 37 ଏହିରୂପେ ସେ ଏକ ଛାଞ୍ଚ, ଏକ ପରିମାଣ ଓ ଏକ ଆକାରରେ ସେହି ଦଶ ବଇଠିକିଯାକ ନିର୍ମାଣ କଲା।
\s5
\v 38 ଏଉତ୍ତାରେ ସେ ପିତ୍ତଳର ଦଶ ପ୍ରକ୍ଷାଳନ-ପାତ୍ର ନିର୍ମାଣ କଲା; ଏକ ଏକ ପାତ୍ର ଚାଳିଶ ମହଣ
\f +
\fr 7:38
\fq ଚାଳିଶ ମହଣ
\ft ପ୍ରାୟ ୮୦୦ ଲିଟର
\f* ଧରେ; ପ୍ରତ୍ୟେକ ପାତ୍ର ଚାରି ହସ୍ତ ପରିମିତ; ପୁଣି, ଦଶ ବଇଠିକିର ପ୍ରତ୍ୟେକର ଉପରେ ଏକ ଏକ ପ୍ରକ୍ଷାଳନ-ପାତ୍ର ରହିଲା।
\v 39 ପୁଣି, ସେ ଗୃହର ଦକ୍ଷିଣ ପାର୍ଶ୍ୱରେ ପାଞ୍ଚ ଓ ଗୃହର ବାମ ପାର୍ଶ୍ୱରେ ପାଞ୍ଚ ବଇଠିକି ରଖିଲା; ଆଉ ଗୃହର ଦକ୍ଷିଣ ପାର୍ଶ୍ୱରେ ପୂର୍ବଦିଗରେ ଦକ୍ଷିଣ ଆଡ଼କୁ ସମୁଦ୍ରରୂପ ପାତ୍ର ସ୍ଥାପନ କଲା।
\s ମନ୍ଦିର ସାଜସଜାର ତାଲିକା
\p
\s5
\v 40 ପୁଣି, ହୂରମ୍‍ ଏହିସବୁ ପ୍ରକ୍ଷାଳନ-ପାତ୍ର ଓ କରଚୁଲି ଓ କୁଣ୍ଡ ନିର୍ମାଣ କଲା। ଏହିରୂପେ ସଦାପ୍ରଭୁଙ୍କ ଗୃହରେ ଶଲୋମନ ରାଜାଙ୍କ ନିମନ୍ତେ ହୂରମ୍‍ ଯେ ଯେ କର୍ମରେ ପ୍ରବୃତ୍ତ ହୋଇଥିଲା, ସେସକଳ ସମାପ୍ତ କଲା;
\v 41 ଦୁଇ ସ୍ତମ୍ଭ ଓ ସେହି ସ୍ତମ୍ଭ ଉପରିସ୍ଥ ମୁଣ୍ଡାଳିର ଦୁଇ ଗୋଲାକାର ଓ ସ୍ତମ୍ଭ ଉପରିସ୍ଥ ମୁଣ୍ଡାଳିର ଦୁଇ ଗୋଲାକାର ଆଚ୍ଛାଦନାର୍ଥେ ଦୁଇ ଜାଲିକର୍ମ;
\s5
\v 42 ଆଉ, ସେହି ଦୁଇ ଜାଲିକର୍ମ ନିମନ୍ତେ ଚାରି ଶହ ଡାଳିମ୍ବ; ଅର୍ଥାତ୍‍, ସ୍ତମ୍ଭ ଉପରିସ୍ଥ ମୁଣ୍ଡାଳିର ଦୁଇ ଗୋଲାକାର ଆଚ୍ଛାଦନାର୍ଥେ ପ୍ରତ୍ୟେକ ଜାଲିକର୍ମ ପାଇଁ ଦୁଇ ଦୁଇ ଧାଡ଼ି ଡାଳିମ୍ବ;
\v 43 ଆଉ, ଦଶ ବଇଠିକି ଓ ସେହିସବୁ ବଇଠିକି ଉପରେ ଦଶ ପ୍ରକ୍ଷାଳନ-ପାତ୍ର,
\s5
\v 44 ଏକ ସମୁଦ୍ରରୂପ ପାତ୍ର, ସେହି ସମୁଦ୍ର ପାତ୍ର ତଳେ ବାର ଗୋରୁ,
\v 45 ହାଣ୍ଡି, କରଚୁଲି ଓ କୁଣ୍ଡ, ଏହି ଯେସକଳ ପାତ୍ର ହୂରମ୍‍ ଶଲୋମନ ରାଜାଙ୍କ ପାଇଁ ସଦାପ୍ରଭୁଙ୍କ ଗୃହରେ ନିର୍ମାଣ କଲା, ତାହାସବୁ ଉଜ୍ଜ୍ୱଳ ପିତ୍ତଳର ଥିଲା।
\s5
\v 46 ରାଜା ଯର୍ଦ୍ଦନ-ପଦାରେ ସୁକ୍‍କୋତ ଓ ସର୍ତ୍ତନ ମଧ୍ୟସ୍ଥିତ ଚିକ୍‍କଣ ଭୂମିରେ ତାହାସବୁ ଢଳାଇଲେ।
\v 47 ଆଉ, ଅତ୍ୟନ୍ତ ବାହୁଲ୍ୟ ହେତୁ ଶଲୋମନ ସେହିସବୁ ପାତ୍ର ତୌଲ କଲେ ନାହିଁ; ପିତ୍ତଳର ଓଜନ ଜଣାଗଲା ନାହିଁ।
\s5
\v 48 ଆହୁରି ଶଲୋମନ ସଦାପ୍ରଭୁଙ୍କ ଗୃହସ୍ଥିତ ସମସ୍ତ ସାମଗ୍ରୀ ନିର୍ମାଣ କରାଇଲେ; ଅର୍ଥାତ୍‍, ସ୍ୱର୍ଣ୍ଣ ବେଦି ଓ ଦର୍ଶନୀୟ ରୁଟି ସ୍ଥାପନାର୍ଥେ ସ୍ୱର୍ଣ୍ଣର ମେଜ;
\v 49 ପୁଣି, ମହା ପବିତ୍ର ସ୍ଥାନ ସମ୍ମୁଖର ଦକ୍ଷିଣରେ ପାଞ୍ଚ, ବାମରେ ପାଞ୍ଚ ନିର୍ମଳ ସୁବର୍ଣ୍ଣର ଦୀପବୃକ୍ଷ, ସୁବର୍ଣ୍ଣର ପୁଷ୍ପ, ପ୍ରଦୀପ, ଚିମୁଟା,
\s5
\v 50 ନିର୍ମଳ ସୁବର୍ଣ୍ଣର ପାତ୍ର, କତୁରୀ, କୁଣ୍ଡ, ଚାମର ଓ ଅଙ୍ଗାରଧାନୀ; ପୁଣି, ଅନ୍ତରାଗାରର, ଅର୍ଥାତ୍‍, ମହାପବିତ୍ର ସ୍ଥାନର କବାଟ ପାଇଁ ଓ ଗୃହର, ଅର୍ଥାତ୍‍, ମନ୍ଦିରର କବାଟ ପାଇଁ ସୁବର୍ଣ୍ଣର କବ୍‌ଜା କଲେ।
\s5
\v 51 ଏହିରୂପେ ସଦାପ୍ରଭୁଙ୍କ ଗୃହରେ ଶଲୋମନ ରାଜା ଯେସକଳ କାର୍ଯ୍ୟରେ ପ୍ରବୃତ୍ତ ହେଲେ, ତାହା ସମାପ୍ତ କଲେ। ପୁଣି, ଶଲୋମନ ଆପଣା ପିତା ଦାଉଦଙ୍କର ପବିତ୍ରୀକୃତ ସାମଗ୍ରୀ, ଅର୍ଥାତ୍‍, ରୂପା, ସୁନା ଓ ପାତ୍ରସବୁ ଆଣି ସଦାପ୍ରଭୁଙ୍କ ଗୃହସ୍ଥିତ ଭଣ୍ଡାରରେ ରଖିଲେ।
\s5
\c 8
\s ମନ୍ଦିରରେ ନିୟମ-ସିନ୍ଦୁକ
\p
\v 1 ଏଥିଉତ୍ତାରେ ଶଲୋମନ ଦାଉଦ-ନଗର ସିୟୋନରୁ ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ଆଣିବା ପାଇଁ ଇସ୍ରାଏଲର ପ୍ରାଚୀନବର୍ଗଙ୍କୁ ଓ ବଂଶ ସମୂହର ପ୍ରଧାନବର୍ଗଙ୍କୁ, ଅର୍ଥାତ୍‍, ଇସ୍ରାଏଲ-ସନ୍ତାନଗଣଙ୍କର ପିତୃଗୃହାଧିପତି ସମସ୍ତଙ୍କୁ ଯିରୂଶାଲମରେ ଶଲୋମନ ରାଜାଙ୍କ ନିକଟରେ ଏକତ୍ର କଲେ।
\v 2 ତହିଁରେ ଏଥାନୀମ ନାମକ ସପ୍ତମ ମାସରେ ପର୍ବ ସମୟରେ ସମସ୍ତ ଇସ୍ରାଏଲ ଲୋକ ଶଲୋମନ ରାଜାଙ୍କ ନିକଟରେ ଏକତ୍ର ହେଲେ।
\s5
\v 3 ପୁଣି, ଇସ୍ରାଏଲର ପ୍ରାଚୀନ ସମସ୍ତେ ଉପସ୍ଥିତ ହୁଅନ୍ତେ, ଯାଜକମାନେ ସିନ୍ଦୁକ ଉଠାଇଲେ।
\v 4 ଆଉ ସେମାନେ ସଦାପ୍ରଭୁଙ୍କ ସିନ୍ଦୁକ ଓ ସମାଗମ-ତମ୍ବୁ ଓ ତମ୍ବୁରେ ଥିବା ସମସ୍ତ ପବିତ୍ର ପାତ୍ର ଆଣିଲେ; ଯାଜକ ଓ ଲେବୀୟମାନେ ଏହିସବୁ ଆଣିଲେ।
\v 5 ତହୁଁ ରାଜା ଶଲୋମନ ଓ ତାଙ୍କ ସହିତ ତାଙ୍କ ନିକଟରେ ଏକତ୍ରିତ ସମଗ୍ର ଇସ୍ରାଏଲ ମଣ୍ଡଳୀ ସିନ୍ଦୁକ ସମ୍ମୁଖରେ ମେଷ ଓ ଗୋରୁ ବଳିଦାନ କଲେ, ତାହା ବାହୁଲ୍ୟ ହେତୁ ଅସଂଖ୍ୟ ଓ ଅପରିମେୟ ଥିଲା।
\s5
\v 6 ଏଉତ୍ତାରେ ଯାଜକମାନେ ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ତାହାର ସ୍ୱସ୍ଥାନକୁ, ଅର୍ଥାତ୍‍, ଗୃହର ମହା ପବିତ୍ର ସ୍ଥାନ ମହାପବିତ୍ର ସ୍ଥାନସ୍ଥ କିରୂବମାନଙ୍କ ପକ୍ଷ ତଳକୁ ଆଣିଲେ।
\v 7 କାରଣ, କିରୂବମାନେ ସିନ୍ଦୁକର ସ୍ଥାନ ଉପରେ ଆପଣାମାନଙ୍କ ପକ୍ଷ ବିସ୍ତାର କରିଥିଲେ, ପୁଣି, କିରୂବମାନେ ସିନ୍ଦୁକ ଓ ତହିଁ ସାଙ୍ଗୀ ଉପର ଆଚ୍ଛାଦନ କରିଥିଲେ।
\v 8 ଆଉ ସେହି ସାଙ୍ଗୀ ଏତେ ଦୀର୍ଘ ଥିଲା ଯେ, ତହିଁର ଅଗ୍ରଭାଗ ମହା ପବିତ୍ର ସ୍ଥାନ ସମ୍ମୁଖସ୍ଥ ପବିତ୍ର ସ୍ଥାନରୁ ଦେଖାଗଲା; ମାତ୍ର ବାହାରେ ଦେଖାଗଲା ନାହିଁ। ଆଜି ପର୍ଯ୍ୟନ୍ତ ତାହା ସେଠାରେ ଅଛି।
\s5
\v 9 ଇସ୍ରାଏଲ ସନ୍ତାନଗଣ ମିସର ଦେଶରୁ ବାହାରି ଆସିବା ବେଳେ ଓ ସଦାପ୍ରଭୁ ସେମାନଙ୍କ ସହିତ ନିୟମ କଲା ବେଳେ ହୋରେବ ନିକଟରେ ମୋଶା ଯେଉଁ ଦୁଇ ପ୍ରସ୍ତର-ଫଳକ ସିନ୍ଦୁକ ମଧ୍ୟରେ ରଖିଥିଲେ, ତାହା ଛଡ଼ା ଆଉ କିଛି ତହିଁରେ ନ ଥିଲା।
\v 10 ଆଉ, ଯାଜକମାନେ ପବିତ୍ର ସ୍ଥାନ ମଧ୍ୟରୁ ବାହାରି ଆସିଲା ଉତ୍ତାରେ ସଦାପ୍ରଭୁଙ୍କ ଗୃହ ମେଘରେ ପରିପୂର୍ଣ୍ଣ ହେଲା;
\v 11 ତହିଁରେ ସେହି ମେଘ ସକାଶୁ ଯାଜକମାନେ ପରିଚର୍ଯ୍ୟା କରିବାକୁ ଠିଆ ହୋଇ ପାରିଲେ ନାହିଁ; କାରଣ, ସଦାପ୍ରଭୁଙ୍କ ଗୃହ ସଦାପ୍ରଭୁଙ୍କ ପ୍ରତାପରେ ପରିପୂର୍ଣ୍ଣ ହେଲା।
\s5
\v 12 ତହୁଁ ଶଲୋମନ କହିଲେ, “ସଦାପ୍ରଭୁ ନିବିଡ଼ ମେଘରେ ବାସ କରିବେ ବୋଲି କହିଅଛନ୍ତି।
\v 13 ମୁଁ ନିଶ୍ଚୟ ତୁମ୍ଭ ପାଇଁ ଏକ ବସତିଗୃହ, ତୁମ୍ଭର ଅନନ୍ତ କାଳ ବାସ ନିମନ୍ତେ ଏକ ସ୍ଥାନ ନିର୍ମାଣ କରିଅଛି।”
\s ଲୋକମାନଙ୍କୁ ଶଲୋମନଙ୍କ ଉଦ୍‍ବୋଧନ
\p
\s5
\v 14 ତହୁଁ ରାଜା ମୁଖ ଫେରାଇ ଇସ୍ରାଏଲର ସମଗ୍ର ସମାଜକୁ ଆଶୀର୍ବାଦ କଲେ; ପୁଣି, ଇସ୍ରାଏଲର ସମଗ୍ର ସମାଜ ଠିଆ ହେଲେ।
\v 15 ଆଉ ସେ କହିଲେ, “ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଧନ୍ୟ, ଯେ ଆପଣା ମୁଖରେ ଆମ୍ଭ ପିତା ଦାଉଦଙ୍କୁ ଏହି କଥା କହିଥିଲେ ଓ ଆପଣା ହସ୍ତରେ ତାହା ସଫଳ କରିଅଛନ୍ତି, ଯଥା,
\v 16 ଆମ୍ଭେ ଆପଣା ଇସ୍ରାଏଲ-ଲୋକଙ୍କୁ ମିସରରୁ ବାହାର କରି ଆଣିବା ଦିନାବଧି ଆମ୍ଭ ନାମ ସ୍ଥାପନାର୍ଥେ ଗୃହ ନିର୍ମାଣ କରିବା ପାଇଁ ଇସ୍ରାଏଲର ସମୁଦାୟ ବଂଶ ମଧ୍ୟରୁ କୌଣସି ନଗର ମନୋନୀତ କରି ନାହୁଁ; ମାତ୍ର ଆମ୍ଭେ ଆପଣା ଲୋକ ଇସ୍ରାଏଲର ଅଧ୍ୟକ୍ଷ ହେବା ପାଇଁ ଦାଉଦକୁ ମନୋନୀତ କଲୁ।”
\s5
\v 17 ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ନାମ ଉଦ୍ଦେଶ୍ୟରେ ଗୋଟିଏ ଗୃହ ନିର୍ମାଣ କରିବାକୁ ମୋହର ପିତା ଦାଉଦଙ୍କର ସଂକଳ୍ପ ଥିଲା।
\v 18 ମାତ୍ର, ସଦାପ୍ରଭୁ ମୋ’ ପିତା ଦାଉଦଙ୍କୁ କହିଲେ, “ଆମ୍ଭ ନାମ ଉଦ୍ଦେଶ୍ୟରେ ଏକ ଗୃହ ନିର୍ମାଣ କରିବାକୁ ତୁମ୍ଭର ସଂକଳ୍ପ ଅଛି, ତୁମ୍ଭର ଏହି ସଂକଳ୍ପ କରିବା ଉତ୍ତମ;
\v 19 ତଥାପି ତୁମ୍ଭେ ସେହି ଗୃହ ନିର୍ମାଣ କରିବ ନାହିଁ; ମାତ୍ର, ତୁମ୍ଭ ଔରସଜାତ ତୁମ୍ଭ ପୁତ୍ର ଆମ୍ଭ ନାମ ଉଦ୍ଦେଶ୍ୟରେ ଗୃହ ନିର୍ମାଣ କରିବ।”
\s5
\v 20 ସଦାପ୍ରଭୁ ଆପଣାର ଉକ୍ତ ଏହି କଥା ସଫଳ କରିଅଛନ୍ତି; କାରଣ, ସଦାପ୍ରଭୁଙ୍କ ପ୍ରତିଜ୍ଞାନୁସାରେ ମୁଁ ଆପଣା ପିତା ଦାଉଦଙ୍କର ପଦରେ ଉତ୍ପନ୍ନ ଓ ଇସ୍ରାଏଲର ସିଂହାସନରେ ଉପବିଷ୍ଟ ହୋଇ ଇସ୍ରାଏଲର ପରମେଶ୍ୱର ସଦାପ୍ରଭୁଙ୍କ ନାମ ଉଦ୍ଦେଶ୍ୟରେ ସେହି ଗୃହ ନିର୍ମାଣ କଲି।
\v 21 ପୁଣି, ସଦାପ୍ରଭୁ ଆମ୍ଭମାନଙ୍କ ପୂର୍ବପୁରୁଷମାନଙ୍କୁ ମିସର ଦେଶରୁ ବାହାର କରି ଆଣିବା ସମୟରେ ସେମାନଙ୍କ ସହିତ ଯେଉଁ ନିୟମ କରିଥିଲେ, ତାହାଙ୍କ ସେହି ନିୟମର ଆଧାର-ସିନ୍ଦୁକ ନିମନ୍ତେ ମୁଁ ତହିଁ ମଧ୍ୟରେ ଏକ ସ୍ଥାନ ନିରୂପଣ କରିଅଛି।
\s ଶଲୋମନଙ୍କ ପ୍ରାର୍ଥନା
\p
\s5
\v 22 ଏଥିଉତ୍ତାରେ ଶଲୋମନ ଇସ୍ରାଏଲର ସମଗ୍ର ସମାଜ ସାକ୍ଷାତରେ ସଦାପ୍ରଭୁଙ୍କ ଯଜ୍ଞବେଦି ସମ୍ମୁଖରେ ଠିଆ ହେଲେ ଓ ସ୍ୱର୍ଗଆଡ଼େ ଆପଣା ହସ୍ତ ବିସ୍ତାର କରି କହିଲେ;
\v 23 “ହେ ସଦାପ୍ରଭୁ, ଇସ୍ରାଏଲର ପରମେଶ୍ୱର, ଉପରିସ୍ଥ ସ୍ୱର୍ଗରେ କିଅବା ନୀଚସ୍ଥ ପୃଥିବୀରେ ତୁମ୍ଭ ତୁଲ୍ୟ ପରମେଶ୍ୱର କେହି ନାହିଁ; ତୁମ୍ଭର ଯେଉଁ ଦାସମାନେ ସର୍ବାନ୍ତଃକରଣ ସହିତ ତୁମ୍ଭ ସମ୍ମୁଖରେ ଗମନାଗମନ କରନ୍ତି, ତୁମ୍ଭେ ସେମାନଙ୍କ ପ୍ରତି ନିୟମ ଓ ଦୟା ପାଳନ କରିଥାଅ;
\v 24 ତୁମ୍ଭେ ଆପଣା ଦାସ ମୋ’ ପିତା ଦାଉଦଙ୍କୁ ଯାହା ପ୍ରତିଜ୍ଞା କରିଥିଲ, ତାହା ପାଳନ କରିଅଛ; ହଁ, ତୁମ୍ଭେ ଆପଣା ମୁଖରେ କହିଥିଲ, ପୁଣି, ଆଜି ଆପଣା ହସ୍ତରେ ତାହା ସଫଳ କରିଅଛ।
\s5
\v 25 ତୁମ୍ଭେ ମୋ’ ପିତା ଆପଣା ଦାସ ଦାଉଦଙ୍କୁ କହିଥିଲ, ‘ତୁମ୍ଭେ ଆମ୍ଭ ସମ୍ମୁଖରେ ଯେପରି ଗମନାଗମନ କରିଅଛ, ସେହିପରି ତୁମ୍ଭର ସନ୍ତାନମାନେ ଯେବେ ଆମ୍ଭ ସମ୍ମୁଖରେ ଗମନାଗମନ କରିବାକୁ ଆପଣା ଆପଣା ପଥରେ କେବଳ ସାବଧାନ ହେବେ, ତେବେ ଇସ୍ରାଏଲର ସିଂହାସନରେ ଉପବିଷ୍ଟ ହେବା ପାଇଁ ଆମ୍ଭ ଦୃଷ୍ଟିରେ ତୁମ୍ଭ ବଂଶରେ ଲୋକର ଅଭାବ ନୋହିବ; ଏହେତୁ ହେ ସଦାପ୍ରଭୁ, ଇସ୍ରାଏଲର ପରମେଶ୍ୱର, ତୁମ୍ଭେ ଆପଣାର ଏହି ପ୍ରତିଜ୍ଞା ଏବେ ସଫଳ କର।’
\v 26 ଏହେତୁ ହେ ଇସ୍ରାଏଲର ପରମେଶ୍ୱର, ମୁଁ ବିନୟ କରୁଅଛି, ତୁମ୍ଭ ଦାସ ମୋ’ ପିତା ଦାଉଦଙ୍କ ପ୍ରତି ଯେଉଁ ବାକ୍ୟ କହିଅଛ, ତାହା ଦୃଢ଼ ହେଉ।
\s5
\v 27 ମାତ୍ର, ପରମେଶ୍ୱର କ’ଣ ପୃଥିବୀରେ ନିତାନ୍ତ ବାସ କରିବେ ? ଦେଖ, ସ୍ୱର୍ଗ ଓ ସ୍ୱର୍ଗର (ଉପରିସ୍ଥ) ସ୍ୱର୍ଗ ତୁମ୍ଭକୁ ଧାରଣ କରି ନ ପାରେ; ତେବେ ମୋ’ ନିର୍ମିତ ଏହି ଗୃହ କ’ଣ ପାରିବ ?
\v 28 ତଥାପି, ହେ ସଦାପ୍ରଭୁ, ମୋ’ ପରମେଶ୍ୱର, ତୁମ୍ଭ ଦାସ ଆଜି ତୁମ୍ଭ ନିକଟରେ ଯେଉଁ କାକୂକ୍ତି ଓ ପ୍ରାର୍ଥନା ନିବେଦନ କରୁଅଛି, ତାହା ଶୁଣିବା ପାଇଁ ତୁମ୍ଭେ ଆପଣା ଦାସର ପ୍ରାର୍ଥନା ଓ ବିନତିରେ ମନୋଯୋଗ କର;
\s5
\v 29 ପୁଣି, ଯେଉଁ ସ୍ଥାନ ବିଷୟରେ ତୁମ୍ଭେ କହିଅଛ, ‘ଏହିଠାରେ ଆମ୍ଭ ନାମ ରହିବ, ସେହି ସ୍ଥାନ, ଅର୍ଥାତ୍‍, ଏହି ଗୃହ ପ୍ରତି ତୁମ୍ଭର ଚକ୍ଷୁ ଦିବାରାତ୍ର ମୁକ୍ତ ଥାଉ; ଏହି ସ୍ଥାନ ଅଭିମୁଖରେ ତୁମ୍ଭ ଦାସ ଯାହା ପ୍ରାର୍ଥନା କରିବ, ତାହା ଶୁଣ।
\v 30 ପୁଣି, ଏହି ସ୍ଥାନ ଅଭିମୁଖରେ ତୁମ୍ଭ ଦାସ ଓ ତୁମ୍ଭ ଲୋକ ଇସ୍ରାଏଲ ପ୍ରାର୍ଥନା କଲେ, ତୁମ୍ଭେ ସେମାନଙ୍କ ବିନତିରେ ମନୋଯୋଗ କର; ହଁ, ତୁମ୍ଭେ ଆପଣା ନିବାସ-ସ୍ଥାନ ସ୍ୱର୍ଗରେ ଥାଇ ତାହା ଶୁଣ ଓ ଶୁଣି କ୍ଷମା କର।
\s5
\v 31 କେହି ଆପଣା ପ୍ରତିବାସୀ ବିରୁଦ୍ଧରେ ପାପ କଲେ ଯେବେ ତାହାକୁ ଶପଥ କରାଇବା ପାଇଁ କୌଣସି ଶପଥ; ନିରୂପିତ ହୁଏ ଓ ସେ ଆସି ଏହି ଗୃହସ୍ଥିତ ତୁମ୍ଭ ଯଜ୍ଞବେଦି ସମ୍ମୁଖରେ ଶପଥ କରେ,
\v 32 ତେବେ, ତୁମ୍ଭେ ସ୍ୱର୍ଗରେ ଥାଇ ତାହା ଶୁଣି ନିଷ୍ପତ୍ତି କର ଓ ଆପଣା ଦାସମାନଙ୍କର ବିଚାର କରି ଦୋଷୀର କର୍ମର ଫଳ ତାହାର ନିଜ ମସ୍ତକରେ ବର୍ତ୍ତାଇବା ପାଇଁ ତାହାକୁ ଦୋଷୀ କର; ପୁଣି, ଧାର୍ମିକକୁ ତାହାର ଧାର୍ମିକତା ପ୍ରମାଣେ ଫଳ ଦେବା ପାଇଁ ଧାର୍ମିକ କର।
\s5
\v 33 ତୁମ୍ଭ ଲୋକ ଇସ୍ରାଏଲ ତୁମ୍ଭ ବିରୁଦ୍ଧରେ ପାପ କରିବା ସକାଶୁ ଶତ୍ରୁ ସମ୍ମୁଖରେ ପରାସ୍ତ ହେଲେ ଯେବେ ସେମାନେ ତୁମ୍ଭ ପ୍ରତି ପୁନର୍ବାର ଫେରି ତୁମ୍ଭ ନାମ ସ୍ୱୀକାର କରନ୍ତି ଓ ଏହି ଗୃହରେ ତୁମ୍ଭ ନିକଟରେ ପ୍ରାର୍ଥନା ଓ ବିନତି କରନ୍ତି,
\v 34 ତେବେ, ତୁମ୍ଭେ ସ୍ୱର୍ଗରେ ଥାଇ ତାହା ଶୁଣ ଓ ଆପଣା ଲୋକ ଇସ୍ରାଏଲର ପାପ କ୍ଷମା କର ଓ ସେମାନଙ୍କ ପୂର୍ବପୁରୁଷମାନଙ୍କୁ ଯେଉଁ ଦେଶ ଦେଇଅଛ, ସେଠାକୁ ପୁନର୍ବାର ସେମାନଙ୍କୁ ଆଣ।
\s5
\v 35 ସେମାନେ ତୁମ୍ଭ ବିରୁଦ୍ଧରେ ପାପ କରିବା ସକାଶୁ ଯେବେ ଆକାଶ ରୁଦ୍ଧ ହୋଇବୃଷ୍ଟି ନ ହୁଏ, ତେବେ, ତୁମ୍ଭେ ସେମାନଙ୍କୁ କ୍ଳେଶ ଦେବା ବେଳେ ଯେବେ ସେମାନେ ଏହି ସ୍ଥାନ ଅଭିମୁଖରେ ପ୍ରାର୍ଥନା କରନ୍ତି ଓ ତୁମ୍ଭ ନାମ ସ୍ୱୀକାର କରି ଆପଣା ଆପଣା ପାପରୁ ଫେରନ୍ତି,
\v 36 ତେବେ, ତୁମ୍ଭେ ସ୍ୱର୍ଗରେ ଥାଇ ତାହା ଶୁଣ ଓ ସେମାନଙ୍କ ଗନ୍ତବ୍ୟ ସତ୍‍ପଥ ବିଷୟରେ ଶିକ୍ଷା ଦେଇ ଆପଣା ଦାସମାନଙ୍କର ଓ ଆପଣା ଲୋକ ଇସ୍ରାଏଲର ପାପ କ୍ଷମା କର; ପୁଣି, ତୁମ୍ଭ ଲୋକମାନଙ୍କର ଅଧିକାରାର୍ଥେ ଦତ୍ତ ତୁମ୍ଭ ଦେଶ ଉପରେ ବୃଷ୍ଟି କର।
\s5
\v 37 ଯେବେ ଦେଶରେ ଦୁର୍ଭିକ୍ଷ ହୁଏ, ଯେବେ ମହାମାରୀ ହୁଏ, ଯେବେ ଶସ୍ୟର କ୍ଷୟ କି ମ୍ଳାନି, ପଙ୍ଗପାଳ ବା କୀଟ ହୁଏ; ଯେବେ ସେମାନଙ୍କ ଶତ୍ରୁ ସେମାନଙ୍କ ଦେଶସ୍ଥ ନଗରସମୂହରେ ସେମାନଙ୍କୁ ଅବରୋଧ କରେ; କୌଣସି ମାରୀ ହୁଏ; କୌଣସି ରୋଗ ଘଟେ;
\v 38 ତେବେ, ଆପଣା ଆପଣା ମନଃପୀଡ଼ା ଜାଣି କୌଣସି ଲୋକ କିଅବା ତୁମ୍ଭର ସମଗ୍ର ଇସ୍ରାଏଲ ଲୋକ ଏହି ଗୃହ ଆଡ଼େ ହସ୍ତ ବିସ୍ତାର କରି କୌଣସି ପ୍ରାର୍ଥନା କି ବିନତି କଲେ;
\s5
\v 39 ତୁମ୍ଭେ ଆପଣା ନିବାସ-ସ୍ଥାନ ସ୍ୱର୍ଗରେ ଥାଇ ଶ୍ରବଣ କରି କ୍ଷମା କର ଓ ସିଦ୍ଧ କର, ଆଉ ପ୍ରତ୍ୟେକ ମନୁଷ୍ୟର ଅନ୍ତଃକରଣ ଜାଣି ତାହାର ସକଳ ଗତି ଅନୁସାରେ ପ୍ରତିଫଳ ଦିଅ; କାରଣ ତୁମ୍ଭେ, କେବଳ ତୁମ୍ଭେ ହିଁ ସମୁଦାୟ ମନୁଷ୍ୟ-ସନ୍ତାନର ଅନ୍ତଃକରଣ ଜାଣୁଅଛ;
\v 40 ତାହାହେଲେ, ତୁମ୍ଭେ ଆମ୍ଭମାନଙ୍କ ପୂର୍ବପୁରୁଷମାନଙ୍କୁ ଯେଉଁ ଦେଶ ଦେଇଅଛ, ତହିଁରେ ସେମାନଙ୍କ ବସତିର ସମସ୍ତ ଦିନ ସେମାନେ ତୁମ୍ଭଙ୍କୁ ଭୟ କରିବେ।
\s5
\v 41 ଆହୁରି ଯେ ତୁମ୍ଭର ଇସ୍ରାଏଲ-ଲୋକଙ୍କର ମଧ୍ୟବର୍ତ୍ତୀ ନୁହେଁ, ଏପରି କୌଣସି ବିଦେଶୀ ଯେବେ ତୁମ୍ଭ ନାମ ସକାଶୁ ଦୂର ଦେଶରୁ ଆସେ;
\v 42 କାରଣ, ବିଦେଶୀମାନେ ତୁମ୍ଭର ମହାନାମ ଓ ତୁମ୍ଭର ବଳବାନ ହସ୍ତ ଓ ତୁମ୍ଭର ବିସ୍ତୀର୍ଣ୍ଣ ବାହୁର କଥା ଅବଶ୍ୟ ଶୁଣିବେ; ଏପରି ଲୋକ ଆସି ଯେବେ ଏହି ଗୃହ ଆଡ଼େ ପ୍ରାର୍ଥନା କରେ,
\v 43 ତେବେ, ତୁମ୍ଭେ ଆପଣା ନିବାସ-ସ୍ଥାନ ସ୍ୱର୍ଗରେ ଥାଇ ଶୁଣ ଓ ସେ ବିଦେଶୀ ତୁମ୍ଭ ନିକଟରେ ଯାହା ଯାହା ପ୍ରାର୍ଥନା କରେ, ତଦନୁସାରେ ତାହା ପ୍ରତି କର; ତହିଁରେ ତୁମ୍ଭ ଇସ୍ରାଏଲ ଲୋକ ତୁଲ୍ୟ ତୁମ୍ଭକୁ ଭୟ କରିବା ପାଇଁ ପୃଥିବୀସ୍ଥ ସମସ୍ତ ଗୋଷ୍ଠୀ ତୁମ୍ଭ ନାମ ଜ୍ଞାତ ହେବେ ଓ ଆମ୍ଭ ନିର୍ମିତ ଏହି ଗୃହ ତୁମ୍ଭ ନାମରେ ଖ୍ୟାତ ବୋଲି ଜାଣିବେ।
\s5
\v 44 ତୁମ୍ଭେ ଆପଣା ଲୋକମାନଙ୍କୁ ଯେକୌଣସି ଆଡ଼େ ପଠାଇଲେ ଯେବେ ସେମାନେ ଆପଣା ଶତ୍ରୁ ସଙ୍ଗେ ଯୁଦ୍ଧ କରିବାକୁ ବାହାରେ ଯାଇ ତୁମ୍ଭର ମନୋନୀତ ଏହି ନଗର ଆଡ଼େ ଓ ତୁମ୍ଭ ନାମ ନିମନ୍ତେ ମୋ ନିର୍ମିତ ଏହି ଗୃହ ଆଡ଼େ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରିବେ,
\v 45 ତେବେ, ତୁମ୍ଭେ ସ୍ୱର୍ଗରେ ଥାଇ ସେମାନଙ୍କ ପ୍ରାର୍ଥନା ଓ ବିନତି ଶୁଣି ସେମାନଙ୍କ ବିଚାର-ନିଷ୍ପତ୍ତି କର।
\s5
\v 46 ଯେବେ ସେମାନେ ତୁମ୍ଭ ବିରୁଦ୍ଧରେ ପାପ କରନ୍ତି, କାରଣ ଯେ ପାପ ନ କରେ, ଏପରି କୌଣସି ମନୁଷ୍ୟ ନାହିଁ, ଆଉ ତୁମ୍ଭେ ସେମାନଙ୍କ ପ୍ରତି କ୍ରୁଦ୍ଧ ହୋଇ ସେମାନଙ୍କୁ ଶତ୍ରୁହସ୍ତରେ ସମର୍ପଣ କଲେ ଯେବେ ଶତ୍ରୁଗଣ ସେମାନଙ୍କୁ ବନ୍ଦୀ କରି ଦୂରସ୍ଥ ଅବା ନିକଟସ୍ଥ ଶତ୍ରୁଦେଶକୁ ନେଇ ଯା’ନ୍ତି;
\v 47 ତେବେ ସେମାନେ ଯେଉଁ ଦେଶକୁ ବନ୍ଦୀ ରୂପେ ନୀତ ହୁଅନ୍ତି, ସେହି ସ୍ଥାନରେ ଯେବେ ସେମାନେ ମନେ ମନେ ବିବେଚନା କରି ଅନୁତାପ କରନ୍ତି ଓ ଯେଉଁମାନେ ସେମାନଙ୍କୁ ବନ୍ଦୀ କରି ନେଇଗଲେ, ସେମାନଙ୍କ ଦେଶରେ ତୁମ୍ଭ ନିକଟରେ ବିନତି କରି କହନ୍ତି, ଆମ୍ଭେମାନେ ପାପ କଲୁ ଓ ବିପଥଗାମୀ ହେଲୁ ଓ ଦୁଷ୍ଟପଣ କଲୁ;
\s5
\v 48 ଆଉ, ଯେଉଁ ଶତ୍ରୁମାନେ ସେମାନଙ୍କୁ ବନ୍ଦୀ କରି ନେଇଗଲେ, ସେମାନଙ୍କ ଦେଶରେ ଥାଇ ଯେବେ ସେମାନେ ସମସ୍ତ ଅନ୍ତଃକରଣ ଓ ସମସ୍ତ ପ୍ରାଣ ସହିତ ତୁମ୍ଭ ପ୍ରତି ଫେରନ୍ତି, ପୁଣି, ତୁମ୍ଭେ ସେମାନଙ୍କ ପୂର୍ବପୁରୁଷଗଣକୁ ଯେଉଁ ଦେଶ ଦେଇଅଛ, ଆପଣାମାନଙ୍କର ସେହି ଦେଶ ଆଡ଼େ ଓ ତୁମ୍ଭ ମନୋନୀତ ନଗର ଆଡ଼େ ଓ ତୁମ୍ଭ ନାମ ନିମନ୍ତେ ମୋ’ ନିର୍ମିତ ଗୃହ ଆଡ଼େ ମୁଖ କରି ତୁମ୍ଭ ନିକଟରେ ପ୍ରାର୍ଥନା କରନ୍ତି,
\s5
\v 49 ତେବେ ତୁମ୍ଭେ ଆପଣା ନିବାସ-ସ୍ଥାନ ସ୍ୱର୍ଗରେ ଥାଇ ସେମାନଙ୍କ ପ୍ରାର୍ଥନା ଓ ବିନତି ଶୁଣ ଓ ସେମାନଙ୍କ ବିଚାର ନିଷ୍ପତ୍ତି କର;
\v 50 ପୁଣି, ତୁମ୍ଭ ବିରୁଦ୍ଧରେ ପାପକାରୀ ଆପଣା ଲୋକମାନଙ୍କୁ ଓ ତୁମ୍ଭ ବିରୁଦ୍ଧରେ କୃତ ସେମାନଙ୍କର ସମସ୍ତ ଅଧର୍ମ କ୍ଷମା କର; ପୁଣି, ଯେଉଁମାନେ ସେମାନଙ୍କୁ ବନ୍ଦୀ କରି ନେଇଗଲେ, ସେମାନେ ଯେପରି ଦୟା କରିବେ, ଏଥିପାଇଁ ସେମାନଙ୍କ ଦୃଷ୍ଟିରେ ସେମାନଙ୍କୁ ଦୟାପାତ୍ର କର।
\s5
\v 51 କାରଣ, ସେମାନେ ତୁମ୍ଭର ଲୋକ ଓ ତୁମ୍ଭର ଅଧିକାର, ତୁମ୍ଭେ ସେମାନଙ୍କୁ ମିସରରୁ, ଲୌହ-ଅଗ୍ନିକୁଣ୍ଡ ମଧ୍ୟରୁ ଆଣିଅଛ;
\v 52 ତୁମ୍ଭ ଦାସର ବିନତି ପ୍ରତି ଓ ତୁମ୍ଭ ଲୋକ ଇସ୍ରାଏଲର ବିନତି ପ୍ରତି ତୁମ୍ଭର ଚକ୍ଷୁ ପ୍ରସନ୍ନ ଥାଉ ଓ ସେମାନେ ଯେକୌଣସି ସମୟରେ ତୁମ୍ଭକୁ ଡାକି ପ୍ରାର୍ଥନା କରନ୍ତି, ସେସମୟରେ ତାହା ଶୁଣ।
\v 53 କାରଣ, ହେ ପ୍ରଭୁ, ସଦାପ୍ରଭୁ, ତୁମ୍ଭେ ଆମ୍ଭମାନଙ୍କ ପୂର୍ବପୁରୁଷମାନଙ୍କୁ ମିସରରୁ ବାହାର କରି ଆଣିବା ସମୟରେ ଆପଣା ଦାସ ମୋଶାଙ୍କ ହସ୍ତରେ ଯେପରି କହିଥିଲ, ତଦନୁସାରେ ତୁମ୍ଭେ ସେମାନଙ୍କୁ ଆପଣା ଅଧିକାର ଦେବା ପାଇଁ ପୃଥିବୀସ୍ଥ ସମସ୍ତ ଗୋଷ୍ଠୀ ମଧ୍ୟରୁ ପୃଥକ୍‍ କରିଅଛ।”
\s ଶଲୋମନଙ୍କ ଶେଷ ପ୍ରାର୍ଥନା
\p
\s5
\v 54 ଏଥିଉତ୍ତାରେ ଶଲୋମନ ସଦାପ୍ରଭୁଙ୍କ ନିକଟରେ ଏହିସବୁ ପ୍ରାର୍ଥନା ଓ ବିନତି-ନିବେଦନ କରିବାର ସମାପ୍ତ କରନ୍ତେ, ସେ ସଦାପ୍ରଭୁଙ୍କ ଯଜ୍ଞବେଦି ସମ୍ମୁଖରେ ଜାନୁପାତରୁ ଓ ସ୍ୱର୍ଗ ଆଡ଼େ ହସ୍ତ-ବିସ୍ତାରକରଣରୁ ଉଠିଲେ।
\v 55 ପୁଣି, ସେ ଠିଆ ହୋଇ ଉଚ୍ଚସ୍ୱରରେ ଇସ୍ରାଏଲର ସମଗ୍ର ସମାଜକୁ ଆଶୀର୍ବାଦ କରି କହିଲେ,
\v 56 “ଯେଉଁ ସଦାପ୍ରଭୁ ଆପଣାର ସକଳ ପ୍ରତିଜ୍ଞାନୁସାରେ ନିଜ ଲୋକ ଇସ୍ରାଏଲକୁ ବିଶ୍ରାମ ଦେଇଅଛନ୍ତି, ସେ ଧନ୍ୟ ହେଉନ୍ତୁ; ସେ ଆପଣା ଦାସ ମୋଶାଙ୍କ ହସ୍ତରେ ଯେ ଯେ ପ୍ରତିଜ୍ଞା କରିଥିଲେ, ସେହି ସକଳ ଉତ୍ତମ ପ୍ରତିଜ୍ଞାର ଏକ କଥା ହିଁ ବିଫଳ ହୋଇ ନାହିଁ।
\s5
\v 57 ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ଆମ୍ଭମାନଙ୍କ ପିତୃଲୋକଙ୍କ ସଙ୍ଗେ ଯେପରି ଥିଲେ, ସେହିପରି ଆମ୍ଭମାନଙ୍କ ସଙ୍ଗେ ସଙ୍ଗେ ଥାଉନ୍ତୁ; ସେ ଆମ୍ଭମାନଙ୍କୁ ତ୍ୟାଗ ନ କରନ୍ତୁ, କିଅବା ଆମ୍ଭମାନଙ୍କଠାରୁ ଦୂରବର୍ତ୍ତୀ ନ ହେଉନ୍ତୁ।
\v 58 ତାହାଙ୍କର ସମସ୍ତ ପଥରେ ଚାଲିବା ପାଇଁ ଓ ଆମ୍ଭମାନଙ୍କ ପୂର୍ବପୁରୁଷମାନଙ୍କୁ ଦତ୍ତ ତାହାଙ୍କ ସମସ୍ତ ଆଜ୍ଞା, ବିଧି ଓ ଶାସନ ପାଳନ କରିବା ପାଇଁ ସେ ଆମ୍ଭମାନଙ୍କ ଅନ୍ତଃକରଣକୁ ଆପଣା ପ୍ରତି ଆକର୍ଷଣ କରନ୍ତୁ।
\s5
\v 59 ଆଉ, ମୁଁ ଏହି ଯେସବୁ କଥାରେ ସଦାପ୍ରଭୁଙ୍କ ସମ୍ମୁଖରେ ନିବେଦନ କଲି, ତାହା ଦିବାରାତ୍ର ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଗୋଚରରେ ଥାଉ, ପୁଣି, ପ୍ରତି ଦିନର ପ୍ରୟୋଜନାନୁସାରେ ସେ ଆପଣା ଦାସର ବିଚାର ଓ ଆପଣା ଲୋକ ଇସ୍ରାଏଲର ବିଚାର-ନିଷ୍ପତ୍ତି କରନ୍ତୁ;
\v 60 ତହିଁରେ ସଦାପ୍ରଭୁ ଯେ ପରମେଶ୍ୱର, ତାହାଙ୍କ ଛଡ଼ା ଅନ୍ୟ ନାହିଁ, ଏହା ପୃଥିବୀସ୍ଥ ସମୁଦାୟ ଗୋଷ୍ଠୀ ଜ୍ଞାତ ହେବେ।
\v 61 ଏହେତୁ ଆଜିର ନ୍ୟାୟ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ବିଧିରୂପ ପଥରେ ଚାଲିବା ପାଇଁ ଓ ତାହାଙ୍କ ଆଜ୍ଞା ପାଳନ କରିବା ପାଇଁ ତୁମ୍ଭମାନଙ୍କ ଅନ୍ତଃକରଣ ତାହାଙ୍କଠାରେ ସିଦ୍ଧ ଥାଉ।”
\s ବଳି ଉତ୍ସର୍ଗ
\p
\s5
\v 62 ଏଉତ୍ତାରେ ରାଜା ଓ ତାଙ୍କ ସଙ୍ଗେ ସମଗ୍ର ଇସ୍ରାଏଲ ସଦାପ୍ରଭୁଙ୍କ ସମ୍ମୁଖରେ ବଳି ଉତ୍ସର୍ଗ କଲେ।
\v 63 ପୁଣି, ଶଲୋମନ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବାଇଶ ହଜାର ଗୋରୁ ଓ ଏକ ଲକ୍ଷ କୋଡ଼ିଏ ହଜାର ମେଷ ମଙ୍ଗଳାର୍ଥକ ବଳି ନିମନ୍ତେ ଉତ୍ସର୍ଗ କଲେ। ଏହିରୂପେ ରାଜା ଓ ଇସ୍ରାଏଲର ସମସ୍ତ ସନ୍ତାନ ସଦାପ୍ରଭୁଙ୍କ ଗୃହ ପ୍ରତିଷ୍ଠା କଲେ।
\s5
\v 64 ସେହିଦିନ ରାଜା ସଦାପ୍ରଭୁଙ୍କ ଗୃହ ସମ୍ମୁଖସ୍ଥ ପ୍ରାଙ୍ଗଣର ମଧ୍ୟଦେଶ ପବିତ୍ର କଲେ; କାରଣ, ସେଠାରେ ସେ ହୋମବଳି, ଭକ୍ଷ୍ୟ-ନୈବେଦ୍ୟ ଓ ମଙ୍ଗଳାର୍ଥକ ବଳିର ମେଦ ଉତ୍ସର୍ଗ କଲେ; ଯେହେତୁ ହୋମବଳି, ଭକ୍ଷ୍ୟ-ନୈବେଦ୍ୟ ଓ ମଙ୍ଗଳାର୍ଥକ ବଳିର ମେଦ ଧରିବା ପାଇଁ ସଦାପ୍ରଭୁଙ୍କ ସମ୍ମୁଖସ୍ଥ ପିତ୍ତଳମୟ ଯଜ୍ଞବେଦି ସାନ ଥିଲା।
\s5
\v 65 ସେସମୟରେ ଶଲୋମନ ଓ ତାଙ୍କ ସଙ୍ଗେ ହମାତ୍‍ର ପ୍ରବେଶ-ସ୍ଥାନଠାରୁ ମିସରର ନଦୀ ପର୍ଯ୍ୟନ୍ତ ସମଗ୍ର ଇସ୍ରାଏଲର ମହାସମାଜ ସାତ ଦିନ ଆଉ ସାତ ଦିନ, ଏପରି ଚଉଦ ଦିନ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ସମ୍ମୁଖରେ ଉତ୍ସବ କଲେ।
\v 66 ଅଷ୍ଟମ ଦିନରେ ସେ ଲୋକମାନଙ୍କୁ ବିଦାୟ କରନ୍ତେ, ସେମାନେ ରାଜାଙ୍କୁ ଧନ୍ୟବାଦ କଲେ, ପୁଣି, ସଦାପ୍ରଭୁ ଆପଣା ଦାସ ଦାଉଦଙ୍କ ପ୍ରତି ଓ ଆପଣା ଲୋକ ଇସ୍ରାଏଲ ପ୍ରତି ଯେସବୁ ମଙ୍ଗଳ ଦେଖାଇ ଥିଲେ, ତହିଁ ସକାଶୁ ଆନନ୍ଦିତ ଓ ହୃଷ୍ଟଚିତ୍ତ ହୋଇ ଆପଣା ଆପଣା ତମ୍ବୁକୁ ଗଲେ।
\s5
\c 9
\s ଶଲୋମନଙ୍କୁ ଈଶ୍ୱରଙ୍କ ଦର୍ଶନ
\p
\v 1 ଏଥିଉତ୍ତାରେ ଶଲୋମନ ସଦାପ୍ରଭୁଙ୍କ ଗୃହ ଓ ରାଜଗୃହ ଓ ଆପଣାର ଇଚ୍ଛାମତ ଯେଉଁ ସମସ୍ତ କର୍ମ କରିବାକୁ ସନ୍ତୁଷ୍ଟ ହେଲେ, ସେସବୁର ନିର୍ମାଣ ସମାପ୍ତ କରନ୍ତେ,
\v 2 ସଦାପ୍ରଭୁ ଯେପରି ଶଲୋମନଙ୍କୁ ଗିବୀୟୋନ୍‍ରେ ଦର୍ଶନ ଦେଇଥିଲେ, ସେପରି ଦ୍ୱିତୀୟ ଥର ତାଙ୍କୁ ଦର୍ଶନ ଦେଲେ।
\s5
\v 3 ପୁଣି, ସଦାପ୍ରଭୁ ତାଙ୍କୁ କହିଲେ, “ତୁମ୍ଭେ ଆମ୍ଭ ସାକ୍ଷାତରେ ଯେଉଁ ପ୍ରାର୍ଥନା ଓ ବିନତି କରିଅଛ, ତାହା ଆମ୍ଭେ ଶୁଣିଲୁ; ଆମ୍ଭର ନାମ ସଦାକାଳ ସ୍ଥାପନ କରିବା ନିମନ୍ତେ ତୁମ୍ଭେ ଏହି ଯେଉଁ ଗୃହ ନିର୍ମାଣ କରିଅଛ, ତାହା ଆମ୍ଭେ ପବିତ୍ର କଲୁ, ପୁଣି, ତହିଁ ପ୍ରତି ଆମ୍ଭ ଦୃଷ୍ଟି ଓ ଆମ୍ଭ ଅନ୍ତଃକରଣ ନିତ୍ୟ ରହିବ।
\s5
\v 4 ଆଉ ଆମ୍ଭେ ତୁମ୍ଭକୁ ଯେଉଁ ସମସ୍ତ ଆଜ୍ଞା ଦେଇଅଛୁ, ତଦନୁସାରେ କର୍ମ କରିବା ପାଇଁ ଯଦି ତୁମ୍ଭେ ଆପଣା ପିତା ଦାଉଦ ପରି ଏକାନ୍ତ ଚିତ୍ତରେ ଓ ସରଳ ଭାବରେ ଆମ୍ଭ ସାକ୍ଷାତରେ ଚାଲିବ, ପୁଣି, ଆମ୍ଭ ବିଧି ଓ ଶାସନ ପାଳନ କରିବ;
\v 5 ତେବେ ଇସ୍ରାଏଲର ସିଂହାସନରେ ଉପବିଷ୍ଟ ହେବା ପାଇଁ ତୁମ୍ଭ ବଂଶରେ ଲୋକର ଅଭାବ ହେବ ନାହିଁ, ଏହି ଯେଉଁ ପ୍ରତିଜ୍ଞା ଆମ୍ଭେ ତୁମ୍ଭ ପିତା ଦାଉଦ ପ୍ରତି କରିଅଛୁ, ତଦନୁସାରେ ଆମ୍ଭେ ଇସ୍ରାଏଲ ଉପରେ ତୁମ୍ଭ ରାଜସିଂହାସନ ଅନନ୍ତ କାଳ ସ୍ଥିର କରିବା।
\s5
\v 6 ମାତ୍ର ଯଦି ତୁମ୍ଭେମାନେ, ଅବା ତୁମ୍ଭମାନଙ୍କ ସନ୍ତାନମାନେ ଆମ୍ଭ ପଶ୍ଚାତ୍‍ଗମନରୁ ଫେରିବ ଓ ତୁମ୍ଭମାନଙ୍କ ସମ୍ମୁଖରେ ଆମ୍ଭ ସ୍ଥାପିତ ଆଜ୍ଞା ଓ ବିଧି ପାଳନ ନ କରିବ, ମାତ୍ର ଯାଇ ଅନ୍ୟ ଦେବଗଣକୁ ସେବା କରିବ ଓ ସେମାନଙ୍କୁ ପ୍ରଣାମ କରିବ;
\v 7 ତେବେ ଆମ୍ଭେ ଇସ୍ରାଏଲକୁ ଯେଉଁ ଦେଶ ଦେଇଅଛୁ, ତହିଁରୁ ସେମାନଙ୍କୁ ଉଚ୍ଛିନ୍ନ କରିବା; ପୁଣି, ଆପଣା ନାମ ନିମନ୍ତେ ଏହି ଯେଉଁ ଗୃହ ପବିତ୍ର କଲୁ, ତାହା ଆପଣା ଦୃଷ୍ଟିରୁ ଦୂର କରିବା ଓ ଇସ୍ରାଏଲ ସମୁଦାୟ ଗୋଷ୍ଠୀ ମଧ୍ୟରେ ଗଳ୍ପର ଓ ଉପହାସର ଏକ ବିଷୟ ହେବ;
\s5
\v 8 ଆଉ ଏହି ଗୃହ ଏଡ଼େ ଉଚ୍ଚ ହେଲେ ହେଁ, ତହିଁ ନିକଟ ଦେଇ ଗମନକାରୀ ପ୍ରତ୍ୟେକ ଲୋକ ଚମତ୍କୃତ ହୋଇ ବିଦ୍ରୂପ କରି କହିବେ, ସଦାପ୍ରଭୁ କାହିଁକି ଏହି ଦେଶ ଓ ଏହି ଗୃହ ପ୍ରତି ଏପରି କଲେ ?
\v 9 ତହିଁରେ ଲୋକମାନେ ଉତ୍ତର କରିବେ, ସଦାପ୍ରଭୁ ସେମାନଙ୍କ ପରମେଶ୍ୱର, ଯେ ସେମାନଙ୍କ ପିତୃଗଣକୁ ମିସର ଦେଶରୁ ବାହାର କରି ଆଣିଲେ, ତାହାଙ୍କୁ ସେମାନେ ତ୍ୟାଗ କଲେ ଓ ଅନ୍ୟ ଦେବଗଣର ଆଶ୍ରୟ ନେଇ ସେମାନଙ୍କୁ ପ୍ରଣାମ ଓ ସେବା କଲେ; ଏହି ହେତୁ ସଦାପ୍ରଭୁ ସେମାନଙ୍କ ଉପରେ ଏହିସବୁ ଅମଙ୍ଗଳ ଘଟାଇଅଛନ୍ତି।”
\s ହୀରମ୍ ସହିତ ଶଲୋମନଙ୍କ ଚୁକ୍ତି
\p
\s5
\v 10 ସଦାପ୍ରଭୁଙ୍କ ଗୃହ ଓ ରାଜଗୃହ, ଏହି ଦୁଇ ଗୃହ ନିର୍ମାଣ କରିବା ପାଇଁ ଶଲୋମନଙ୍କୁ କୋଡ଼ିଏ ବର୍ଷ ଲାଗିଲା;
\v 11 ତହିଁର ଶେଷରେ ଶଲୋମନ ରାଜା ସୋରର ରାଜା ହୂରମ୍‍କୁ; ଗାଲିଲୀ ଦେଶସ୍ଥ କୋଡ଼ିଏ ନଗର ଦେଲେ; ଏହି ହୂରମ୍‍ ଶଲୋମନଙ୍କର ସମସ୍ତ ବାଞ୍ଛାନୁସାରେ ତାଙ୍କୁ ଏରସ କାଷ୍ଠ ଓ ଦେବଦାରୁ କାଷ୍ଠ ଓ ସୁବର୍ଣ୍ଣ ଯୋଗାଇ ଦେଇଥିଲା।
\s5
\v 12 ଏଉତ୍ତାରେ ହୂରମ୍‍ ଶଲୋମନଙ୍କର ଦତ୍ତ ନଗରମାନ ଦେଖିବାକୁ ସୋରରୁ ଆସିଲା, ମାତ୍ର ସେସବୁ ତାହାର ସନ୍ତୋଷଜନକ ହେଲା ନାହିଁ।
\v 13 ତହୁଁ ସେ କହିଲା, ହେ ମୋହର ଭାଇ, ଏସବୁ କିପରି ନଗର ମୋତେ ଦେଇଅଛ ? ପୁଣି, ସେ ସେହିସବୁର ନାମ କାବୂଲ
\f +
\fr 9:13
\fq କାବୂଲ
\ft ଅର୍ଥାତ୍ ମୂଲ୍ୟହୀନ
\f* ଦେଶ ଦେଲା, ସେହି ନାମ ଆଜି ପର୍ଯ୍ୟନ୍ତ ଅଛି।
\v 14 ପୁଣି, ହୂରମ୍‍ ଏକ ଶହ କୋଡ଼ିଏ ତାଳନ୍ତ ସୁନା
\f +
\fr 9:14
\fq ଏକ ଶହ କୋଡ଼ିଏ ତାଳନ୍ତ ସୁନା
\ft ପ୍ରାୟ ୪, କିଲୋଗ୍ରାମ୍
\f* ରାଜାଙ୍କ ନିକଟକୁ ପଠାଇ ଦେଲା।
\s5
\v 15 ସଦାପ୍ରଭୁଙ୍କ ଗୃହ, ଆପଣା ନିଜ ଗୃହ, ମିଲ୍ଲୋ, ଯିରୂଶାଲମର ପ୍ରାଚୀର, ହାସୋର, ମଗିଦ୍ଦୋ ଓ ଗେଷର ନିର୍ମାଣ କରିବା ପାଇଁ ରାଜା ଶଲୋମନ ଯେଉଁ ବେଠିକର୍ମକାରୀମାନଙ୍କୁ ସଂଗ୍ରହ କରିଥିଲେ, ତହିଁର ବିବରଣ।
\v 16 ମିସରର ରାଜା ଫାରୋ ଯାଇ ଗେଷର ହସ୍ତଗତ କରି ତାହା ଅଗ୍ନିରେ ଦଗ୍ଧ କରି ତନ୍ନିବାସୀ କିଣାନୀୟମାନଙ୍କୁ ବଧ କରି ତାହା ଯୌତୁକ ରୂପେ ଆପଣା କନ୍ୟା ଶଲୋମନଙ୍କର ଭାର୍ଯ୍ୟାକୁ ଦେଇଥିଲା।
\s5
\v 17 ଏହେତୁ ଶଲୋମନ ଦେଶ ମଧ୍ୟରେ ଗେଷର, ଅଧଃସ୍ଥିତ ବେଥ୍-ହୋରଣ,
\v 18 ବାଲତ୍‍ ଓ ପ୍ରାନ୍ତରସ୍ଥ ତାମର,
\v 19 ଆଉ ଶଲୋମନଙ୍କର ଯେ ଯେ ଭଣ୍ଡାର-ନଗର ଥିଲା, ତାହାସବୁ ଓ ରଥ ପାଇଁ ନଗର ଓ ଅଶ୍ୱାରୋହୀମାନଙ୍କ ପାଇଁ ନଗର, ପୁଣି, ଯିରୂଶାଲମରେ ଓ ଲିବାନୋନରେ ଓ ଆପଣା ଅଧିକୃତ ଦେଶର ସର୍ବତ୍ର ଯାହା ଯାହା ନିର୍ମାଣ କରିବାକୁ ଶଲୋମନ ସନ୍ତୁଷ୍ଟ ହେଲେ, ତାହାସବୁ ନିର୍ମାଣ କଲେ।
\s5
\v 20 ଯେଉଁମାନେ ଇସ୍ରାଏଲ ସନ୍ତାନ ନୁହନ୍ତି, ଏପରି ଯେସକଳ ଇମୋରୀୟ, ହିତ୍ତୀୟ, ପରିଷୀୟ, ହିବ୍ବୀୟ ଓ ଯିବୂଷୀୟ ଲୋକ ଅବଶିଷ୍ଟ ରହିଥିଲେ;
\v 21 ଅର୍ଥାତ୍‍, ସେମାନଙ୍କ ଉତ୍ତାରେ ଦେଶରେ ଅବଶିଷ୍ଟ ସେମାନଙ୍କର ଯେଉଁ ସନ୍ତାନଗଣକୁ ଇସ୍ରାଏଲ ସନ୍ତାନଗଣ ସମ୍ପୂର୍ଣ୍ଣ ରୂପେ ବିନାଶ କରି ପାରି ନ ଥିଲେ, ସେମାନଙ୍କ ମଧ୍ୟରୁ ଶଲୋମନ ଆଜି ପର୍ଯ୍ୟନ୍ତ ବେଠିକର୍ମ କରିବା ପାଇଁ ଦାସ ସଂଗ୍ରହ କଲେ।
\s5
\v 22 ମାତ୍ର ଇସ୍ରାଏଲ-ସନ୍ତାନଗଣଙ୍କ ମଧ୍ୟରୁ ଶଲୋମନ କାହାକୁ ଦାସ କଲେ ନାହିଁ; ସେମାନେ ଯୋଦ୍ଧା ଓ ତାଙ୍କ ରାଜଭୃତ୍ୟ, ତାଙ୍କ ଅଧିପତି, ତାଙ୍କର ସେନାପତି, ତାଙ୍କ ରଥ ଓ ଅଶ୍ୱାରୋହୀମାନଙ୍କ ଉପରେ ଅଧ୍ୟକ୍ଷ ଥିଲେ।
\s5
\v 23 ସେମାନଙ୍କ ମଧ୍ୟରୁ ପାଞ୍ଚ ଶହ ପଚାଶ ଜଣ ଶଲୋମନଙ୍କର କର୍ମରେ ନିଯୁକ୍ତ ପ୍ରଧାନ ଅଧ୍ୟକ୍ଷ ଥିଲେ। ସେମାନେ କର୍ମକାରୀ ଲୋକମାନଙ୍କ ଉପରେ କର୍ତ୍ତୃତ୍ୱ କଲେ।
\s5
\v 24 ମାତ୍ର ଫାରୋର କନ୍ୟା ଦାଉଦ-ନଗରରୁ ଶଲୋମନଙ୍କ ଦ୍ୱାରା ତାହା ପାଇଁ ନିର୍ମିତ ଆପଣା ଗୃହକୁ ଆସିଲା; ତେବେ ଶଲୋମନ ମିଲ୍ଲୋ ନିର୍ମାଣ କଲେ।
\s5
\v 25 ପୁଣି, ଶଲୋମନ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଯେଉଁ ଯଜ୍ଞବେଦି ନିର୍ମାଣ କରିଥିଲେ, ସଦାପ୍ରଭୁଙ୍କ ସମ୍ମୁଖସ୍ଥ ସେହି ଯଜ୍ଞବେଦି ଉପରେ ସେ ଧୂପ ଜ୍ୱଳାଇ ବର୍ଷକେ ତିନି ଥର ହୋମବଳି ଓ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କଲେ। ଏହିରୂପେ ସେ ଗୃହ-ନିର୍ମାଣ ସମାପ୍ତ କଲେ।
\s5
\v 26 ଏଥିଉତ୍ତାରେ ଶଲୋମନ ରାଜା ଇଦୋମ ଦେଶରେ ସୂଫ ସାଗରତୀରସ୍ଥ ଏଲତ ନିକଟବର୍ତ୍ତୀ ଇତ୍‍ସିୟୋନ-ଗେବରରେ ଜାହାଜମାନ ନିର୍ମାଣ କଲେ।
\v 27 ପୁଣି, ହୂରମ୍‍ ସେହି ଜାହାଜରେ ଶଲୋମନଙ୍କର ଦାସମାନଙ୍କ ସହିତ ସାମୁଦ୍ରିକ କର୍ମରେ ନିପୁଣ ଆପଣା ଦାସ ନାବିକମାନଙ୍କୁ ପଠାଇଲା।
\v 28 ଆଉ ସେମାନେ ଓଫୀରକୁ ଯାଇ ସେଠାରୁ ଚାରି ଶହ କୋଡ଼ିଏ ତାଳନ୍ତ ସୁନା
\f +
\fr 9:28
\fq ଚାରି ଶହ କୋଡ଼ିଏ ତାଳନ୍ତ ସୁନା
\ft ପ୍ରାୟ ୧୪, କିଲୋଗ୍ରାମ୍
\f* ନେଇ ଶଲୋମନ ରାଜାଙ୍କ ନିକଟକୁ ଆଣିଲେ।
\s5
\c 10
\s ଶିବା ଦେଶର ରାଣୀଙ୍କ ପରିଦର୍ଶନ
\p
\v 1 ଏଥିଉତ୍ତାରେ ଶିବା ଦେଶର ରାଣୀ ସଦାପ୍ରଭୁଙ୍କ ନାମ ସମ୍ବନ୍ଧରେ ଶଲୋମନଙ୍କର ସୁଖ୍ୟାତି ଶୁଣି ନିଗୂଢ଼ ପ୍ରଶ୍ନ ଦ୍ୱାରା ତାଙ୍କୁ ପରୀକ୍ଷା କରିବା ପାଇଁ ଆସିଲେ।
\v 2 ସେ ସୁଗନ୍ଧି ଦ୍ରବ୍ୟ ଓ ଅତି ପ୍ରଚୁର ସ୍ୱର୍ଣ୍ଣ ଓ ମଣିବାହକ ଉଷ୍ଟ୍ରଗଣ ସଙ୍ଗେ ନେଇ ମହାସମାରୋହରେ ଯିରୂଶାଲମକୁ ଆସିଲା; ପୁଣି, ସେ ଶଲୋମନଙ୍କ ନିକଟକୁ ଆସି ଆପଣା ମନରେ ଯାହା ଯାହା ଥିଲା, ସେସବୁ ବିଷୟରେ ତାଙ୍କ ସଙ୍ଗେ କଥାବାର୍ତ୍ତା କଲେ।
\s5
\v 3 ତହିଁରେ ଶଲୋମନ ତାହାର ସମସ୍ତ ପ୍ରଶ୍ନର ଉତ୍ତର ଦେଲେ; ରାଜାଙ୍କର ବୋଧଗମ୍ୟ କୌଣସି ବିଷୟ ନ ଥିଲା, ସେ ତାହାକୁ ସବୁ କହିଲେ।
\v 4 ପୁଣି, ଶିବାର ରାଣୀ ଶଲୋମନଙ୍କର ସମସ୍ତ ଜ୍ଞାନ, ତାଙ୍କର ନିର୍ମିତ ଗୃହ,
\v 5 ତାଙ୍କର ମେଜର ଖାଦ୍ୟଦ୍ରବ୍ୟ, ତାଙ୍କର ଭୃତ୍ୟମାନଙ୍କ ଆସନ, ତାଙ୍କ ମନ୍ତ୍ରୀମାନଙ୍କ ସେବା, ସେମାନଙ୍କ ବସ୍ତ୍ର, ପାନପାତ୍ରବାହକଗଣ ଓ ସେ ସଦାପ୍ରଭୁଙ୍କ ଗୃହରେ କିପରି ଭାବେ ହୋମବଳି ଉତ୍ସର୍ଗ କଲେ, ଏହିସବୁ ଦେଖି ସେ ହତଜ୍ଞାନ ହେଲା।
\s5
\v 6 ତହୁଁ ସେ ରାଜାଙ୍କୁ କହିଲେ, “ମୁଁ ଆପଣା ଦେଶରେ ଥାଇ ଆପଣଙ୍କ କାର୍ଯ୍ୟ ଓ ଆପଣଙ୍କ ଜ୍ଞାନ ବିଷୟରେ ଯେଉଁ ସମ୍ବାଦ ପାଇଥିଲି, ତାହା ସତ୍ୟ।
\v 7 ତଥାପି ମୁଁ ଆସି ଆପଣା ଚକ୍ଷୁରେ ନ ଦେଖିବା ଯାଏ ସେକଥା ବିଶ୍ୱାସ ନ କଲି; ଆଉ ଦେଖନ୍ତୁ, ଅର୍ଦ୍ଧେକ ମୋତେ କୁହାଯାଇ ନ ଥିଲା; ମୁଁ ଯେଉଁ ସୁଖ୍ୟାତି ଶୁଣିଲି, ତଦପେକ୍ଷା ଆପଣଙ୍କ ଜ୍ଞାନ ଓ ଐଶ୍ୱର୍ଯ୍ୟ ଅଧିକ।
\s5
\v 8 ଆପଣଙ୍କ ଲୋକମାନେ ଧନ୍ୟ, ଆପଣଙ୍କ ଏହି ଦାସମାନେ ଧନ୍ୟ, ସେମାନେ ନିତ୍ୟ ଆପଣଙ୍କ ସମ୍ମୁଖରେ ଛିଡ଼ା ହୋଇ ଆପଣଙ୍କ ଜ୍ଞାନର କଥା ଶୁଣନ୍ତି।
\v 9 ସଦାପ୍ରଭୁ ଆପଣଙ୍କ ପରମେଶ୍ୱର ଧନ୍ୟ, ସେ ଆପଣଙ୍କୁ ଇସ୍ରାଏଲର ସିଂହାସନରେ ଉପବିଷ୍ଟ କରାଇବା ପାଇଁ ଆପଣଙ୍କ ପ୍ରତି ସନ୍ତୁଷ୍ଟ ହେଲେ; ସଦାପ୍ରଭୁ ଇସ୍ରାଏଲକୁ ସଦାକାଳ ପ୍ରେମ କରନ୍ତି, ଏହେତୁ ବିଚାର ଓ ନ୍ୟାୟ କରିବାକୁ ଆପଣଙ୍କୁ ରାଜା କଲେ।”
\s5
\v 10 ଏଉତ୍ତାରେ ସେ ରାଜାଙ୍କୁ ଏକ ଶହ କୋଡ଼ିଏ ତାଳନ୍ତ ସୁନା, ଆଉ ଅତି ପ୍ରଚୁର ସୁଗନ୍ଧି ଦ୍ରବ୍ୟ ଓ ମଣି ଦେଲା; ଶିବାର ରାଣୀ ଶଲୋମନ ରାଜାଙ୍କୁ ଯେତେ ସୁଗନ୍ଧି ଦ୍ରବ୍ୟ ଦେଲା, ସେତେ ବହୁଳ ପରିମାଣରେ ଆଉ କେବେ ଆସି ନାହିଁ।
\s5
\v 11 ଆଉ ହୂରମ୍‍ର ଯେଉଁ ଯେଉଁ ଜାହାଜରେ ଓଫୀରରୁ ସୁନା ଆସିଲା, ସେହି ସବୁରେ ମଧ୍ୟ ଓଫୀରରୁ ଅତି ପ୍ରଚୁର ଚନ୍ଦନ କାଷ୍ଠ ଓ ମଣି ଆସିଲା।
\v 12 ସେହି ଚନ୍ଦନ କାଷ୍ଠରେ ରାଜା ସଦାପ୍ରଭୁଙ୍କ ଗୃହ ଓ ରାଜଗୃହ ପାଇଁ ସ୍ତମ୍ଭ ଓ ଗାୟକମାନଙ୍କ ନିମନ୍ତେ ବୀଣା ଓ ନେବଲ ନିର୍ମାଣ କଲେ; ଏରୂପ ଚନ୍ଦନ କାଷ୍ଠ ଆଜି ପର୍ଯ୍ୟନ୍ତ କେବେ ଆସି ନାହିଁ କି ଦେଖା ଯାଇ ନାହିଁ।
\s5
\v 13 ଶିବାର ରାଣୀ ଯାହା ଯାହା ମାଗିଲା, ତାହାର ମନୋବାଞ୍ଛାନୁସାରେ ଶଲୋମନ ରାଜା ତାହାସବୁ ତାହାକୁ ଦେଲେ, ତାହା ଛଡ଼ା ଶଲୋମନ ରାଜଯୋଗ୍ୟ ଦାନାନୁସାରେ ତାହାକୁ ଦେଲେ। ଏଉତ୍ତାରେ ରାଣୀ ଓ ତାହାର ଦାସମାନେ ଫେରି ଆପଣା ଦେଶକୁ ଗଲେ।
\s ରାଜା ଶଲୋମନଙ୍କ ସମ୍ପଦ
\p
\s5
\v 14 ବର୍ଷକ ମଧ୍ୟରେ ଶଲୋମନଙ୍କ ନିକଟକୁ ଛଅ ଶହ ଛଷଠି ତାଳନ୍ତ ପରିମିତ ସୁବର୍ଣ୍ଣ ଆସେ।
\v 15 ଏହାଛଡ଼ା ପାଇକରମାନେ ଆଣିଲେ, ପୁଣି, ବଣିକମାନଙ୍କ ବ୍ୟବସାୟରୁ ଓ ମିଶ୍ରିତ ଗୋଷ୍ଠୀୟମାନଙ୍କ ସମସ୍ତ ରାଜାଠାରୁ ଓ ଦେଶାଧ୍ୟକ୍ଷମାନଙ୍କଠାରୁ ସୁବର୍ଣ୍ଣ ଆସିଲା।
\s5
\v 16 ତହିଁରେ ଶଲୋମନ ରାଜା ପିଟାସୁନାରେ ଦୁଇ ଶହ ବଡ଼ ଢାଲ ପ୍ରସ୍ତୁତ କଲେ; ପ୍ରତ୍ୟେକ ଢାଲରେ ଛଅ ଶହ ଶେକଲ
\f +
\fr 10:16
\ft ପ୍ରାୟ ୬ କିମ୍ବା ୭ କିଲୋ
\f* ସୁନା ଲାଗିଲା।
\v 17 ଆଉ ସେ ପିଟାସୁନାରେ ତିନି ଶହ ଢାଲ ପ୍ରସ୍ତୁତ କଲେ; ପ୍ରତ୍ୟେକ ଢାଲରେ ତିନି ମିନାସ୍
\f +
\fr 10:17
\ft ପ୍ରାୟ ଏକ କିଲୋ ପାଞ୍ଚ ଶହ ଗ୍ରାମ୍ ଅଟେ
\f* ସୁନା ଲାଗିଲା; ଆଉ ରାଜା ଲିବାନୋନ-ଅରଣ୍ୟ-ଗୃହରେ ତାହାସବୁ ରଖିଲେ।
\s5
\v 18 ଆହୁରି ରାଜା ହସ୍ତୀଦନ୍ତର ଗୋଟିଏ ବୃହତ ସିଂହାସନ ନିର୍ମାଣ କରି ଅତ୍ୟୁତ୍ତମ ସୁବର୍ଣ୍ଣରେ ମଡ଼ାଇଲେ।
\v 19 ସେହି ସିଂହାସନର ଛଅ ପାବଚ୍ଛ ଥିଲା, ସେହି ସିଂହାସନ ଉପରି ଭାଗର ପଛଆଡ଼ ଗୋଲାକାର ଥିଲା ଓ ଆସନର ଦୁଇ ପାର୍ଶ୍ୱରେ ଦୁଇ ହସ୍ତାବଲମ୍ବନ ଥିଲା ଓ ସେହି ହସ୍ତାବଲମ୍ବନ ନିକଟରେ ଦୁଇ ସିଂହମୂର୍ତ୍ତି ଛିଡ଼ା ହୋଇଥିଲେ।
\v 20 ଆଉ ସେହି ଛଅ ପାବଚ୍ଛ ଉପରେ ଦୁଇ ପାଖେ ବାର ସିଂହମୂର୍ତ୍ତି ଛିଡ଼ା ହୋଇଥିଲେ; ଏରୂପ ସିଂହାସନ କୌଣସି ରାଜ୍ୟରେ ପ୍ରସ୍ତୁତ ହୋଇ ନ ଥିଲା।
\s5
\v 21 ଶଲୋମନ ରାଜାଙ୍କର ପାନପାତ୍ରସବୁ ସୁନାର ଥିଲା ଓ ଲିବାନୋନ-ଅରଣ୍ୟ-ଗୃହର ସମସ୍ତ ପାତ୍ର ସୁଦ୍ଧା ସୁବର୍ଣ୍ଣର ଥିଲା; ରୂପାର କିଛି ନ ଥିଲା; ଶଲୋମନଙ୍କ ସମୟରେ ରୂପା କିଛି ବୋଲି ଗଣା ନୋହିଲା।
\v 22 କାରଣ, ସମୁଦ୍ରରେ ହୂରମ୍‍ର ଜାହାଜ ସଙ୍ଗେ ରାଜାଙ୍କର ତର୍ଶୀଶଗାମୀ ଜାହାଜ ଥିଲା; ସେହି ତର୍ଶୀଶର ଜାହାଜମାନ ତିନି ବର୍ଷରେ ଥରେ ସୁନା ଓ ରୂପା, ହସ୍ତୀଦନ୍ତ, ବାନର ଓ ମୟୂର ନେଇ ଆସନ୍ତି।
\s5
\v 23 ଏହିରୂପେ ଶଲୋମନ ରାଜା ଐଶ୍ୱର୍ଯ୍ୟରେ ଓ ଜ୍ଞାନରେ ପୃଥିବୀସ୍ଥ ସମସ୍ତ ରାଜାଙ୍କୁ ବଳିଗଲେ।
\v 24 ଆଉ ପରମେଶ୍ୱର ଶଲୋମନଙ୍କର ହୃଦୟରେ ଯେଉଁ ଜ୍ଞାନ ଦେଇଥିଲେ, ତାଙ୍କର ସେହି ଜ୍ଞାନର କଥା ଶୁଣିବାକୁ ପୃଥିବୀସ୍ଥ ସମସ୍ତେ ତାଙ୍କର ସାକ୍ଷାତ କରିବାକୁ ଚାହିଁଲେ।
\v 25 ପୁଣି, ପ୍ରତ୍ୟେକ ଲୋକ ନିରୂପଣାନୁସାରେ ବର୍ଷକୁ ବର୍ଷ ଆପଣା ଆପଣା ଭେଟୀ ରୂପେ ରୂପାପାତ୍ର, ସୁନାପାତ୍ର, ବସ୍ତ୍ର, ଅସ୍ତ୍ରଶସ୍ତ୍ର, ସୁଗନ୍ଧି ଦ୍ରବ୍ୟ, ଅଶ୍ୱ ଓ ଖଚର ଆଣିଲେ।
\s5
\v 26 ଆଉ ଶଲୋମନ ରଥ ଓ ଅଶ୍ୱାରୋହୀମାନଙ୍କୁ ସଂଗ୍ରହ କଲେ; ତାଙ୍କର ଏକ ହଜାର ଚାରି ଶହ ରଥ ଓ ବାର ହଜାର ଅଶ୍ୱାରୋହୀ ଥିଲେ, ସେମାନଙ୍କୁ ସେ ରଥ-ନଗରମାନରେ ଓ ରାଜାଙ୍କ ନିକଟରେ ଯିରୂଶାଲମରେ ରଖିଲେ।
\v 27 ପୁଣି, ରାଜା ଯିରୂଶାଲମରେ ରୂପାକୁ ପଥର ପରି ଓ ବାହୁଲ୍ୟ ହେତୁରୁ ଏରସ କାଷ୍ଠକୁ ତଳଭୂମିସ୍ଥ ଡିମ୍ବିରି ବୃକ୍ଷ ପରି କଲେ।
\s5
\v 28 ଆଉ ଶଲୋମନଙ୍କର ଅଶ୍ୱସବୁ ମିସରରୁ ଅଣାଗଲା; ରାଜାଙ୍କର ବଣିକମାନେ ପ୍ରତ୍ୟେକ ପଲର ମୂଲ୍ୟ ଦେଇ ପଲ ପଲ କରି ପାଇଲେ।
\v 29 ଏହିରୂପେ ସେମାନଙ୍କ ଦ୍ୱାରା ହିତ୍ତୀୟ ଓ ଅରାମୀୟ ସମସ୍ତ ରାଜାଙ୍କ ନିମନ୍ତେ ହିଁ ସେସବୁ ଅଣାଗଲା; ପୁଣି, ମିସରର ଏକ ଏକ ରଥ ଛଅ ଶହ ଶେକଲ
\f +
\fr 10:29
\ft ପ୍ରାୟ ଛଅ କିଲୋ ଛଅ ଶହ ଗ୍ରାମ୍ ରୂପା ଥିଲା
\f* ରୌପ୍ୟ ମୁଦ୍ରାରେ ଓ ଏକ ଏକ ଅଶ୍ୱ ଏକ ଶହ ପଚାଶ ଶେକଲ
\f +
\fr 10:29
\ft ପ୍ରାୟ ଏକ କିଲୋ ସାତ ଶହ ଗ୍ରାମ ରୂପା
\f* ରୌପ୍ୟ ମୁଦ୍ରାରେ ଆସିଲା ଓ ଗଲା।
\s5
\c 11
\s ଶଲୋମନ ଈଶ୍ୱରଙ୍କଠାରୁ ବିମୁଖ
\p
\v 1 ଶଲୋମନ ରାଜା ଫାରୋର କନ୍ୟା ଛଡ଼ା ମୋୟାବୀୟ, ଅମ୍ମୋନୀୟ, ଇଦୋମୀୟ, ସୀଦୋନୀୟ ଓ ହିତ୍ତୀୟ ଅନେକ ବିଦେଶୀୟା ସ୍ତ୍ରୀମାନଙ୍କୁ ପ୍ରେମ କଲେ;
\v 2 ଏହି ଗୋଷ୍ଠୀୟମାନଙ୍କ ବିଷୟରେ ସଦାପ୍ରଭୁ ଇସ୍ରାଏଲ ସନ୍ତାନଗଣକୁ କହିଥିଲେ, ତୁମ୍ଭେମାନେ ସେମାନଙ୍କ ମଧ୍ୟକୁ ଯିବ ନାହିଁ, କିଅବା ସେମାନେ ତୁମ୍ଭମାନଙ୍କ ମଧ୍ୟକୁ ଆସିବେ ନାହିଁ; କାରଣ ସେମାନେ ନିଶ୍ଚୟ ଆପଣା ଆପଣା ଦେବଗଣ ପ୍ରତି ତୁମ୍ଭମାନଙ୍କ ମନକୁ ବିପଥଗାମୀ କରିବେ; ଶଲୋମନ ଏମାନଙ୍କ ପ୍ରତି ପ୍ରେମରେ ଆସକ୍ତ ହେଲେ।
\s5
\v 3 ଏଣୁ ତାଙ୍କର ସାତ ଶହ ରାଜପତ୍ନୀ ଓ ତିନି ଶହ ଉପପତ୍ନୀ ହେଲେ; ଆଉ ତାଙ୍କର ପତ୍ନୀମାନେ ତାଙ୍କର ମନକୁ ବିପଥଗାମୀ କଲେ।
\v 4 କାରଣ ଶଲୋମନ ବୃଦ୍ଧ ହୁଅନ୍ତେ ଏପରି ଘଟିଲା ଯେ, ତାଙ୍କର ପତ୍ନୀମାନେ ବିଦେଶୀୟ ଦେବତାଗଣ ପ୍ରତି ତାଙ୍କର ମନକୁ ବିପଥଗାମୀ କଲେ; ପୁଣି, ତାଙ୍କର ପିତା ଦାଉଦଙ୍କର ଅନ୍ତଃକରଣ ପରି ତାଙ୍କର ଅନ୍ତଃକରଣ ସଦାପ୍ରଭୁ ପରମେଶ୍ୱରଙ୍କ ପ୍ରତି ସିଦ୍ଧ ନୋହିଲା।
\s5
\v 5 ମାତ୍ର ଶଲୋମନ ସୀଦୋନୀୟମାନଙ୍କ ଦେବୀ ଅଷ୍ଟାରୋତ୍‍ର ଓ ଅମ୍ମୋନୀୟମାନଙ୍କ ମିଲ୍‍କମ୍‍ ନାମକ ଘୃଣାଯୋଗ୍ୟ ଦେବତାର ପଶ୍ଚାତ୍‍ଗାମୀ ହେଲେ।
\v 6 ପୁଣି, ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହା ମନ୍ଦ, ତାହା ଶଲୋମନ କଲେ ଓ ଆପଣା ପିତା ଦାଉଦଙ୍କ ପରି ସମ୍ପୂର୍ଣ୍ଣ ରୂପେ ସଦାପ୍ରଭୁଙ୍କର ପଶ୍ଚାତ୍‍ଗାମୀ ନୋହିଲେ।
\s5
\v 7 ତହୁଁ ଶଲୋମନ ଯିରୂଶାଲମ ସମ୍ମୁଖସ୍ଥ ପର୍ବତରେ ମୋୟାବର ଘୃଣାଯୋଗ୍ୟ କମୋଶ ନିମନ୍ତେ ଓ ଅମ୍ମୋନ ସନ୍ତାନଗଣର ମୋଲକ୍‍ ନାମକ ଘୃଣାଯୋଗ୍ୟ ଦେବତା ନିମନ୍ତେ ଉଚ୍ଚସ୍ଥଳୀ ନିର୍ମାଣ କଲେ।
\v 8 ଏହିରୂପେ ତାଙ୍କର ଯେଉଁ ବିଦେଶୀୟା ପତ୍ନୀମାନେ ଆପଣା ଆପଣା ଦେବଗଣ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇଲେ ଓ ବଳିଦାନ କଲେ, ସେହି ସମସ୍ତଙ୍କ ପାଇଁ ସେ ସେହିପରି କଲେ।
\s5
\v 9 ଏହେତୁ ସଦାପ୍ରଭୁ ଶଲୋମନଙ୍କ ପ୍ରତି କ୍ରୁଦ୍ଧ ହେଲେ, କାରଣ ତାଙ୍କର ଅନ୍ତଃକରଣ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କଠାରୁ ବିମୁଖ ହୋଇଥିଲା; ସଦାପ୍ରଭୁ ତାଙ୍କୁ ଦୁଇ ଥର ଦର୍ଶନ ଦେଇଥିଲେ
\v 10 ଓ ସେହି ବିଷୟରେ ଆଜ୍ଞା କରି ଅନ୍ୟ ଦେବଗଣର ପଶ୍ଚାତ୍‍ଗାମୀ ହେବାକୁ ନିଷେଧ କରିଥିଲେ; ମାତ୍ର ସଦାପ୍ରଭୁ ଯାହା ଆଜ୍ଞା କଲେ, ତାହା ସେ ପ୍ରତିପାଳନ କଲେ ନାହିଁ।
\s5
\v 11 ଏହେତୁ ସଦାପ୍ରଭୁ ଶଲୋମନଙ୍କୁ କହିଲେ, “ତୁମ୍ଭ ଦ୍ୱାରା ଏହିପରି ହେବାରୁ ଓ ଆମ୍ଭେ ତୁମ୍ଭକୁ ଆପଣାର ଯେଉଁ ନିୟମ ଓ ବିଧି ଆଜ୍ଞା କଲୁ, ତାହା ତୁମ୍ଭେ ପାଳନ ନ କରିବାରୁ ଆମ୍ଭେ ନିଶ୍ଚୟ ତୁମ୍ଭଠାରୁ ରାଜ୍ୟ ଚିରି ନେଇ ତୁମ୍ଭ ଦାସକୁ ଦେବା।
\v 12 ତଥାପି ତୁମ୍ଭ ପିତା ଦାଉଦଙ୍କ ସକାଶୁ ଆମ୍ଭେ ତୁମ୍ଭ ସମୟରେ ଏହା କରିବା ନାହିଁ; ମାତ୍ର ଆମ୍ଭେ ତୁମ୍ଭ ପୁତ୍ର ହସ୍ତରୁ ତାହା ଚିରି ନେବା।
\v 13 ତଥାପି ସମୁଦାୟ ରାଜ୍ୟ ଚିରି ନେବା ନାହିଁ; ମାତ୍ର ଆମ୍ଭ ଦାସ ଦାଉଦ ସକାଶୁ ଓ ଆମ୍ଭର ମନୋନୀତ ଯିରୂଶାଲମ ସକାଶୁ ଆମ୍ଭେ ତୁମ୍ଭ ପୁତ୍ରକୁ ଏକ ଗୋଷ୍ଠୀ ଦେବା।”
\s ଶଲୋମନଙ୍କ ଶତ୍ରୁଗଣ
\p
\s5
\v 14 ଏଥିଉତ୍ତାରେ ସଦାପ୍ରଭୁ ଇଦୋମୀୟ ହଦଦ୍‍କୁ ଶଲୋମନଙ୍କର ବିପକ୍ଷ କରି ଉତ୍ପନ୍ନ କଲେ; ସେ ଇଦୋମୀୟ ରାଜବଂଶଜ ଥିଲେ।
\v 15 ଯେତେବେଳେ ଦାଉଦ ଇଦୋମରେ ଥିଲେ ଓ ଯୋୟାବ ସେନାପତି ହତ ଲୋକମାନଙ୍କୁ କବର ଦେବା ପାଇଁ ଯାଇ ଇଦୋମର ପ୍ରତ୍ୟେକ ପୁରୁଷକୁ ଆଘାତ କରିଥିଲା;
\v 16 ସେତେବେଳେ ଯୋୟାବ ଓ ସମଗ୍ର ଇସ୍ରାଏଲ ଇଦୋମର ପ୍ରତ୍ୟେକ ପୁରୁଷକୁ ଉଚ୍ଛିନ୍ନ ନ କରିବା ପର୍ଯ୍ୟନ୍ତ ଛଅ ମାସ କାଳ ସେଠାରେ ରହିଥିଲେ;
\v 17 ସେସମୟରେ ହଦଦ୍‍ ଓ ତାହା ସଙ୍ଗେ ତାହା ପିତାର ଦାସ କେତେକ ଇଦୋମୀୟ ଲୋକ ମିସରକୁ ପଳାଇ ଯାଇଥିଲେ; ସେତେବେଳେ ହଦଦ୍‍ ସାନ ବାଳକ ଥିଲା।
\s5
\v 18 ସେମାନେ ମିଦୀୟନଠାରୁ ଉଠି ପାରଣକୁ ଆସିଲେ; ପୁଣି, ପାରଣରୁ ସଙ୍ଗରେ ଲୋକ ନେଇ ମିସରରେ ମିସରର ରାଜା ଫାରୋ ନିକଟରେ ଉପସ୍ଥିତ ହେଲେ; ସେ ତାହାକୁ ଗୃହ ଦେଇ ତାହା ପାଇଁ ଖାଦ୍ୟସାମଗ୍ରୀ ନିରୂପଣ କରି ତାହାକୁ ଭୂମି ଦେଲା।
\v 19 ପୁଣି, ହଦଦ୍‍ ଫାରୋ ଦୃଷ୍ଟିରେ ଅତିଶୟ ଅନୁଗ୍ରହ ପାଇଲା, ତେଣୁ ସେ ଆପଣା ଭାର୍ଯ୍ୟା ତହପନେଷ୍‍ ରାଣୀର ଭଗିନୀକି ତାହା ସଙ୍ଗେ ବିବାହ ଦେଲା;
\s5
\v 20 ଏଉତ୍ତାରେ ତହପନେଷ୍‍ର ଭଗିନୀ ତାହାର ଔରସରେ ଗନୁବତ୍‍ ନାମକ ପୁତ୍ର ପ୍ରସବ କଲା, ତହିଁରେ ତହପନେଷ୍‍ ଫାରୋର ଗୃହରେ ତାହାର ସ୍ତନ୍ୟତ୍ୟାଗ କରାଇଲା; ଆଉ ଗନୁବତ୍‍ ଫାରୋର ଗୃହରେ ଫାରୋର ପୁତ୍ରମାନଙ୍କ ସଙ୍ଗରେ ରହିଲା।
\v 21 ଏଥିଉତ୍ତାରେ ଦାଉଦ ଆପଣା ପିତୃଲୋକଙ୍କ ସହିତ ଶୟନ କରିଅଛି
\f +
\fr 11:21
\ft ଅର୍ଥାତ୍ ମରିଅଛନ୍ତି
\f* ଓ ସେନାପତି ଯୋୟାବ ମରିଅଛି, ଏହି ସମାଚାର ହଦଦ୍‍ ମିସରରେ ଶୁଣନ୍ତେ ଫାରୋକୁ କହିଲା, “ମୋତେ ପ୍ରସ୍ଥାନ କରିବାକୁ ଅନୁମତି ଦେଉନ୍ତୁ, ମୁଁ ସ୍ୱଦେଶକୁ ଯିବି।”
\v 22 ତହିଁରେ ଫାରୋ ତାହାକୁ କହିଲା, “ମାତ୍ର ମୋ’ ସଙ୍ଗେ ଥାଇ ତୁମ୍ଭର କି ଅଭାବ ହେଲା ଯେ, ଦେଖ, ତୁମ୍ଭେ ସ୍ୱଦେଶକୁ ଯିବା ପାଇଁ ବାଞ୍ଛା କରୁଅଛ ?” ଏଥିରେ ସେ ଉତ୍ତର କଲା, “କିଛି ନାହିଁ; ତଥାପି କୌଣସିମତେ ପ୍ରସ୍ଥାନ କରିବା ପାଇଁ ମୋତେ ଅନୁମତି ଦେଉନ୍ତୁ।”
\s5
\v 23 ଆହୁରି ପରମେଶ୍ୱର ଇଲୀୟାଦାର ପୁତ୍ର ରଷୋଣକୁ ଶଲୋମନଙ୍କର ଅନ୍ୟ ଏକ ବିପକ୍ଷ କରି ଉତ୍ପନ୍ନ କଲେ, ସେ ଲୋକ ଆପଣା ପ୍ରଭୁ ସୋବାର ରାଜା ହଦଦେଷର ନିକଟରୁ ପଳାଇ ଯାଇଥିଲା;
\v 24 ଯେଉଁ ସମୟରେ ଦାଉଦ ସୋବାର ଲୋକମାନଙ୍କୁ ବଧ କଲେ, ସେସମୟରେ ସେ ଆପଣା ନିକଟରେ ଲୋକମାନଙ୍କୁ ସଂଗ୍ରହ କରି ଏକ ଦଳପତି ହୋଇଥିଲା; ତହିଁ ଉତ୍ତାରେ ସେମାନେ ଦମ୍ମେଶକକୁ ଯାଇ ସେଠାରେ ବାସ କରି ଦମ୍ମେଶକରେ ରାଜ୍ୟ କଲେ।
\v 25 ଆଉ ସେ ହଦଦ୍‍ର କୃତ ମନ୍ଦକର୍ମ ଛଡ଼ା ଶଲୋମନଙ୍କର ଯାବଜ୍ଜୀବନ ଇସ୍ରାଏଲର ବିପକ୍ଷ ହୋଇଥିଲା; ସେ ଇସ୍ରାଏଲକୁ ଘୃଣା କରି ଅରାମ ଉପରେ ରାଜ୍ୟ କଲା।
\s5
\v 26 ପୁଣି, ସରେଦା ନିବାସୀ ଇଫ୍ରୟିମୀୟ ନବାଟର ପୁତ୍ର ଶଲୋମନଙ୍କର ଦାସ ଯାରବୀୟାମ ମଧ୍ୟ ରାଜାଙ୍କର ପ୍ରତିକୂଳରେ ଆପଣା ହସ୍ତ ଉଠାଇଲେ; ତାଙ୍କର ମାତାର ନାମ ସରୁୟା, ସେ ଏକ ବିଧବା ସ୍ତ୍ରୀ ଥିଲା।
\v 27 ରାଜାଙ୍କ ପ୍ରତିକୂଳରେ ତାଙ୍କର ହସ୍ତ ଉଠାଇବାର କାରଣ ଏହି; ଶଲୋମନ ମିଲ୍ଲୋ ଦୃଢ଼ କରୁଥିଲେ ଓ ଆପଣା ପିତା ଦାଉଦଙ୍କ ନଗରର ଭଗ୍ନସ୍ଥାନ ପୁନଃନିର୍ମାଣ କରୁଥିଲେ।
\s5
\v 28 ସେସମୟରେ ଯାରବୀୟାମ ମହାବିକ୍ରମଶାଳୀ ପୁରୁଷ ଥିଲେ; ଏଣୁ ଶଲୋମନ ସେହି ଯୁବା ଲୋକଙ୍କୁ ପରିଶ୍ରମୀ ଦେଖି ଯୋଷେଫ ବଂଶୀୟ ଲୋକମାନଙ୍କ ସମୁଦାୟ କର୍ମଭାର ତାଙ୍କ ଉପରେ ଅର୍ପଣ କଲେ।
\v 29 ଘଟଣାକ୍ରମେ ସେହି ସମୟରେ ଯାରବୀୟାମ ଯିରୂଶାଲମର ବାହାରକୁ ଯା’ନ୍ତେ, ପଥରେ ଶୀଲୋନୀୟ ଅହୀୟ ଭବିଷ୍ୟଦ୍‍ବକ୍ତା ତାଙ୍କର ଦେଖା ପାଇଲା; ଅହୀୟ ଆପଣାକୁ ନୂତନ ବସ୍ତ୍ରରେ ଆଚ୍ଛାଦନ କରିଥିଲା ଓ କ୍ଷେତ୍ରରେ କେବଳ ସେ ଦୁହେଁ ଥିଲେ।
\v 30 ତହିଁରେ ଅହୀୟ ଆପଣା ଦେହର ନୂତନ ବସ୍ତ୍ର ଧରି ବାରଖଣ୍ଡ କରି ଚିରିଲା।
\s5
\v 31 ଆଉ ଯାରବୀୟାମଙ୍କୁ କହିଲା, “ତୁମ୍ଭେ ଆପଣା ପାଇଁ ଦଶ ଖଣ୍ଡ ନିଅ; କାରଣ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ଦେଖ, ଆମ୍ଭେ ଶଲୋମନର ହସ୍ତରୁ ରାଜ୍ୟ ଚିରି ନେବା ଓ ତୁମ୍ଭକୁ ଦଶ ଗୋଷ୍ଠୀ ଦେବା।”
\v 32 ମାତ୍ର ଆମ୍ଭ ଦାସ ଦାଉଦ ସକାଶୁ ଓ ଇସ୍ରାଏଲର ସମସ୍ତ ଗୋଷ୍ଠୀ ମଧ୍ୟରୁ ଆମ୍ଭର ମନୋନୀତ ନଗର ଯିରୂଶାଲମ ସକାଶୁ ସେ ଏକ ଗୋଷ୍ଠୀ ପାଇବ।
\v 33 ଯେହେତୁ ସେମାନେ ଆମ୍ଭକୁ ପରିତ୍ୟାଗ କରି ସୀଦୋନୀୟମାନଙ୍କ ଅଷ୍ଟାରୋତ୍‍ ଦେବୀକି ଓ ମୋୟାବର କମୋଶ ଦେବକୁ ଓ ଅମ୍ମୋନ-ସନ୍ତାନଗଣର ମିଲ୍‍କମ୍‍ ଦେବକୁ ପ୍ରଣାମ କରିଅଛନ୍ତି; ପୁଣି, ଆପଣା ପିତା ଦାଉଦ ଯେପରି ଆମ୍ଭ ଦୃଷ୍ଟିରେ ନ୍ୟାୟ ବ୍ୟବହାର କଲା ଓ ଆମ୍ଭର ବିଧି ଓ ଆମ୍ଭର ଶାସନ ପାଳନ କଲା, ସେପରି କରିବାକୁ ସେମାନେ ଆମ୍ଭ ପଥରେ ଚାଲି ନାହାନ୍ତି।
\s5
\v 34 ତଥାପି ଆମ୍ଭେ ସମୁଦାୟ ରାଜ୍ୟ ତାହା ହସ୍ତରୁ ନେବା ନାହିଁ, ମାତ୍ର ଆମ୍ଭ ମନୋନୀତ ଦାସ ଯେଉଁ ଦାଉଦ ଆମ୍ଭର ଆଜ୍ଞା ଓ ଆମ୍ଭର ବିଧିସକଳ ପାଳନ କଲା, ତାହା ସକାଶୁ ତାହାକୁ ଯାବଜ୍ଜୀବନ ଅଧିପତି କରି ରଖିବା;
\v 35 ମାତ୍ର ଆମ୍ଭେ ତାହାର ପୁତ୍ର ହସ୍ତରୁ ରାଜ୍ୟ ନେବା ଓ ତାହା, ଅର୍ଥାତ୍‍, ଦଶ ଗୋଷ୍ଠୀ ତୁମ୍ଭକୁ ଦେବା।
\v 36 ଆଉ ଆମ୍ଭେ ଆପଣା ନାମ ସ୍ଥାପନ କରିବା ପାଇଁ ଯେଉଁ ନଗର ମନୋନୀତ କରିଅଛୁ, ସେହି ଯିରୂଶାଲମରେ ଯେପରି ଆମ୍ଭ ଦାସ ଦାଉଦର ପ୍ରଦୀପ ଆମ୍ଭ ସମ୍ମୁଖରେ ସର୍ବଦା ରହିବ, ଏଥିପାଇଁ ତାହାର ପୁତ୍ରକୁ ଏକ ଗୋଷ୍ଠୀ ଦେବା।
\s5
\v 37 ପୁଣି, ଆମ୍ଭେ ତୁମ୍ଭକୁ ଗ୍ରହଣ କରିବା, ତହିଁରେ ତୁମ୍ଭେ ଆପଣା ପ୍ରାଣର ସମସ୍ତ ବାଞ୍ଛାନୁସାରେ ରାଜ୍ୟ କରି ଇସ୍ରାଏଲ ଉପରେ ରାଜା ହେବ।
\v 38 ଆଉ ଯେବେ ତୁମ୍ଭେ ଆମ୍ଭ ଦାସ ଦାଉଦ ପରି ଆମ୍ଭର ସମସ୍ତ ଆଦେଶରେ ମନୋଯୋଗ କରିବ, ଆମ୍ଭ ବିଧି ଓ ଆଜ୍ଞା ପାଳନ କରିବା ପାଇଁ ଆମ୍ଭ ପଥରେ ଚାଲିବ ଓ ଆମ୍ଭ ଦୃଷ୍ଟିରେ ନ୍ୟାୟ ବ୍ୟବହାର କରିବ, ତେବେ ଆମ୍ଭେ ତୁମ୍ଭର ସହବର୍ତ୍ତୀ ହେବା ଓ ଆମ୍ଭେ ଯେପରି ଦାଉଦ ପାଇଁ କଲୁ, ସେପରି ତୁମ୍ଭ ପାଇଁ ଏକ ଦୃଢ଼ ଗୃହ ନିର୍ମାଣ କରିବା ଓ ତୁମ୍ଭକୁ ଇସ୍ରାଏଲ ଦେବା।
\v 39 ଆମ୍ଭେ ଏହି କର୍ମ ସକାଶୁ ଦାଉଦ-ବଂଶକୁ କ୍ଳେଶ ଦେବା, ମାତ୍ର ସଦାକାଳ ନୁହେଁ।
\s5
\v 40 ଉକ୍ତ କାରଣରୁ ଶଲୋମନ ଯାରବୀୟାମଙ୍କୁ ବଧ କରିବାକୁ ଚେଷ୍ଟା କଲେ; ମାତ୍ର ଯାରବୀୟାମ ଉଠି ମିସରକୁ ମିସ୍ରୀୟ ରାଜା ଶୀଶକ୍‍ ନିକଟକୁ ପଳାଇଲେ ଓ ଶଲୋମନଙ୍କର ମରଣ ପର୍ଯ୍ୟନ୍ତ ମିସରରେ ରହିଲେ।
\s ଶଲୋମନଙ୍କ ମୃତ୍ୟୁୁ
\p
\s5
\v 41 ଶଲୋମନଙ୍କର ଅବଶିଷ୍ଟ ବିଷୟ ଓ ତାଙ୍କର ସମସ୍ତ କୃତକର୍ମ ଓ ତାଙ୍କର ଜ୍ଞାନ କି ଶଲୋମନ ବିଷୟକ ପୁସ୍ତକରେ ଲିଖିତ ହୋଇ ନାହିଁ ?
\v 42 ଶଲୋମନ ଚାଳିଶ ବର୍ଷ ପର୍ଯ୍ୟନ୍ତ ଯିରୂଶାଲମରେ ସମୁଦାୟ ଇସ୍ରାଏଲ ଉପରେ ରାଜ୍ୟ କଲେ।
\v 43 ତହିଁ ଉତ୍ତାରେ ଶଲୋମନ ମୃତ୍ୟୁବରଣ କଲେ ପୁଣି ଆପଣା ପିତୃଲୋକଙ୍କର ସହିତ ଆପଣା ପିତା ଦାଉଦ-ନଗରରେ କବର ପାଇଲେ; ତହୁଁ ତାଙ୍କ ପୁତ୍ର ରିହବୀୟାମ ତାଙ୍କର ପଦରେ ରାଜ୍ୟ କଲେ।
\s5
\c 12
\s ଉତ୍ତରାଞ୍ଚଳ ଗୋଷ୍ଠୀମାନଙ୍କର ବିଦ୍ରୋହ
\p
\v 1 ଏଥିଉତ୍ତାରେ ରିହବୀୟାମ ଶିଖିମକୁ ଗଲେ; କାରଣ ସମୁଦାୟ ଇସ୍ରାଏଲ ତାଙ୍କୁ ରାଜା କରିବା ନିମନ୍ତେ ଶିଖିମରେ ଉପସ୍ଥିତ ହୋଇଥିଲେ।
\v 2 ଏଥି ମଧ୍ୟରେ ନବାଟର ପୁତ୍ର ସେହି ଯେ ଯାରବୀୟାମ ଶଲୋମନ ରାଜାଙ୍କର ଛାମୁରୁ ପଳାଇ ମିସରରେ ଏଯାଏ ଥିଲେ, ସେ ତାଙ୍କର ମୃତ୍ୟୁୁ ସମ୍ବାଦ ପାଇଲେ; ସେ ମିସରରେ ବାସ କରୁଥିବା ବେଳେ ଲୋକମାନେ ତାଙ୍କୁ ଡକାଇ ପଠାଇଲେ।
\s5
\v 3 ତହିଁରେ ଯାରବୀୟାମ ଓ ଇସ୍ରାଏଲର ସମସ୍ତ ସମାଜ ରିହବୀୟାମଙ୍କ ନିକଟକୁ ଆସି ଏହି କଥା କହିଲେ,
\v 4 “ଆପଣଙ୍କ ପିତା ଆମ୍ଭମାନଙ୍କ ଯୁଆଳି ଅସହ୍ୟ କରିଥିଲେ; ଏହେତୁ ଆପଣଙ୍କ ପିତା ଆମ୍ଭମାନଙ୍କ ଉପରେ ଯେଉଁ ଅସହ୍ୟ ଦାସ୍ୟକର୍ମର ଭାର ଓ ଭାରୀ ଯୁଆଳି ଦେଇଥିଲେ, ତାହା ଆପଣ ହାଲୁକା କରନ୍ତୁ; ତହିଁରେ ଆମ୍ଭେମାନେ ଆପଣଙ୍କ ସେବା କରିବୁ।”
\v 5 ତହୁଁ ସେ ସେମାନଙ୍କୁ କହିଲେ, “ଏବେ ଯାଅ, ତିନି ଦିନ ଉତ୍ତାରେ ପୁନର୍ବାର ମୋ’ ନିକଟକୁ ଆସ।” ତହିଁରେ ଲୋକମାନେ ଚାଲିଗଲେ।
\s5
\v 6 ଏଥିଉତ୍ତାରେ ରିହବୀୟାମ ରାଜା ଆପଣା ପିତା ଶଲୋମନଙ୍କର ଜୀବନ କାଳରେ ଯେଉଁ ପ୍ରାଚୀନମାନେ ତାଙ୍କ ସମ୍ମୁଖରେ ଛିଡ଼ା ହୋଇଥିଲେ, ସେମାନଙ୍କ ସହିତ ପରାମର୍ଶ କରି କହିଲେ, “ଏହି ଲୋକମାନଙ୍କୁ ଉତ୍ତର ଦେବା ପାଇଁ ତୁମ୍ଭେମାନେ ମୋତେ କି ପରାମର୍ଶ ଦେଉଅଛ ?”
\v 7 ତେବେ ସେମାନେ ତାଙ୍କୁ କହିଲେ, “ତୁମ୍ଭେ ଯେବେ ଆଜି ଏହି ଲୋକମାନଙ୍କର ସେବକ ହେବ ଓ ସେମାନଙ୍କର ସେବା କରି ସେମାନଙ୍କୁ ଉତ୍ତର ଦେବ ଓ ସେମାନଙ୍କୁ ଉତ୍ତମ ବାକ୍ୟ କହିବ, ତେବେ ସେମାନେ ସର୍ବଦା ତୁମ୍ଭର ଦାସ ହୋଇ ରହିବେ।”
\s5
\v 8 ମାତ୍ର ସେ ସେହି ପ୍ରାଚୀନମାନଙ୍କ ଦତ୍ତ ପରାମର୍ଶ ତ୍ୟାଗ କରି ଯେଉଁ ଯୁବାମାନେ ତାଙ୍କ ସଙ୍ଗେ ବଢ଼ି ତାଙ୍କ ସମ୍ମୁଖରେ ଛିଡ଼ା ହେଉଥିଲେ, ସେମାନଙ୍କ ସଙ୍ଗେ ପରାମର୍ଶ କଲେ।
\v 9 ପୁଣି, ସେ ସେମାନଙ୍କୁ କହିଲେ, “ଏହି ଲୋକମାନେ ମୋତେ କହୁଛନ୍ତି, ତୁମ୍ଭ ପିତା ଆମ୍ଭମାନଙ୍କ ଉପରେ ଯେଉଁ ଯୁଆଳି ଥୋଇ ଅଛନ୍ତି, ତାହା ହାଲୁକା କର; ସେମାନଙ୍କୁ ଉତ୍ତର ଦେବା ପାଇଁ ତୁମ୍ଭେମାନେ ଆମ୍ଭଙ୍କୁ କି ପରାମର୍ଶ ଦେଉଅଛ ?
\s5
\v 10 ତହିଁରେ ତାଙ୍କ ସଙ୍ଗେ ବଢ଼ିଥିବା ଯୁବାମାନେ ତାଙ୍କୁ କହିଲେ, “ତୁମ୍ଭ ପିତା ଆମ୍ଭମାନଙ୍କ ଯୁଆଳି ଭାରୀ କରିଅଛନ୍ତି, ତୁମ୍ଭେ ଆମ୍ଭମାନଙ୍କ ପାଇଁ ତାହା ହାଲୁକା କର ବୋଲି କହୁଛନ୍ତି ଏହି ଯେଉଁ ଲୋକମାନେ, ସେମାନଙ୍କୁ ତୁମ୍ଭେ ଏପରି କହିବ; ମୋର କନିଷ୍ଠ ଅଙ୍ଗୁଳି ମୋ’ ପିତାଙ୍କ କଟିଠାରୁ ମୋଟ।”
\v 11 ଏଥିପାଇଁ ମୋ’ ପିତା ଯେଉଁ ଭାରୀ ଯୁଆଳି ତୁମ୍ଭମାନଙ୍କ ଉପରେ ଥୋଇଛନ୍ତି, ମୁଁ ତାହା ଆହୁରି ଭାରୀ କରିବି; ମୋ’ ପିତା କୋରଡ଼ାରେ ତୁମ୍ଭମାନଙ୍କୁ ଶାସ୍ତି ଦେଲେ, ମାତ୍ର ମୁଁ ବିଚ୍ଛାରେ ତୁମ୍ଭମାନଙ୍କୁ ଶାସ୍ତି ଦେବି।
\s5
\v 12 ତୃତୀୟ ଦିନରେ ମୋ’ ନିକଟକୁ ପୁଣି, ଆସ ବୋଲି ରାଜା ଯେଉଁ ଆଜ୍ଞା ଦେଇଥିଲେ, ତଦନୁସାରେ ଯାରବୀୟାମ ଓ ସମସ୍ତ ଲୋକ ରିହବୀୟାମଙ୍କ ନିକଟକୁ ଆସିଲେ।
\v 13 ତହିଁରେ ପ୍ରାଚୀନମାନଙ୍କ ଦତ୍ତ ପରାମର୍ଶ ତ୍ୟାଗ କରି ରାଜା ଲୋକମାନଙ୍କୁ କଟୁ ଉତ୍ତର ଦେଲେ;
\v 14 ପୁଣି, ଯୁବାମାନଙ୍କ ପରାମର୍ଶନୁସାରେ ଲୋକମାନଙ୍କୁ କହିଲେ, “ମୋ’ ପିତା ତୁମ୍ଭମାନଙ୍କ ଉପରେ ଭାରୀ ଯୁଆଳି ଥୋଇଥିଲେ, ମାତ୍ର ମୁଁ ତୁମ୍ଭମାନଙ୍କ ଯୁଆଳି ଆହୁରି ଭାରୀ କରିବି; ମୋ’ ପିତା କୋରଡ଼ାରେ ତୁମ୍ଭମାନଙ୍କୁ ଶାସ୍ତି ଦେଇଥିଲେ, ମାତ୍ର ମୁଁ ବିଚ୍ଛାରେ ତୁମ୍ଭମାନଙ୍କୁ ଶାସ୍ତି ଦେବି।”
\s5
\v 15 ଏହିରୂପେ ରାଜା ଲୋକମାନଙ୍କ କଥା ଶୁଣିଲେ ନାହିଁ; କାରଣ ସଦାପ୍ରଭୁ ଶୀଲୋନୀୟ ଅହୀୟ ଦ୍ୱାରା ନବାଟର ପୁତ୍ର ଯାରବୀୟାମଙ୍କୁ ଯାହା କହିଥିଲେ, ଆପଣାର ସେହି କଥା ସଫଳ କରିବା ନିମନ୍ତେ ଏହା ସଦାପ୍ରଭୁଙ୍କ ଆଡ଼ୁ ଘଟିଲା।
\s ଇସ୍ରାଏଲ ବିଭକ୍ତ
\p
\s5
\v 16 ଯେତେବେଳେ ସମଗ୍ର ଇସ୍ରାଏଲ ଦେଖିଲେ ଯେ, ରାଜା ସେମାନଙ୍କ କଥା ଶୁଣିଲେ ନାହିଁ, ସେତେବେଳେ ଲୋକମାନେ ରାଜାଙ୍କୁ ଉତ୍ତର କରି କହିଲେ, “ଦାଉଦଙ୍କଠାରେ ଆମ୍ଭମାନଙ୍କର କି ଅଂଶ ଅଛି ? ଏଣିକି ଯିଶୀର ପୁତ୍ରଠାରେ; ଆମ୍ଭମାନଙ୍କର ଅଧିକାର ନାହିଁ; ହେ ଇସ୍ରାଏଲ, ଆପଣା ଆପଣା ତମ୍ବୁକୁ ଯାଅ; ହେ ଦାଉଦ, ତୁମ୍ଭେ ଏବେ ଆପଣା ଘର କଥା ବୁଝ।” ତହୁଁ ଇସ୍ରାଏଲୀୟମାନେ ଆପଣା ଆପଣା ତମ୍ବୁକୁ ଚାଲିଗଲେ।
\v 17 ତଥାପି ଇସ୍ରାଏଲର ଯେଉଁ ସନ୍ତାନମାନେ ଯିହୁଦାର ନାନା ନଗରରେ ବାସ କଲେ, ସେମାନଙ୍କ ଉପରେ ରିହବୀୟାମ ରାଜ୍ୟ କଲେ।
\s5
\v 18 ଏଥିଉତ୍ତାରେ ରିହବୀୟାମ ରାଜା ବେଠିକର୍ମାଧ୍ୟକ୍ଷ ଅଦୋନୀରାମ୍‍କୁ
\f +
\fr 12:18
\fq ଦୋନୀରାମ୍‍କୁ
\ft କେତେକ ହସ୍ତଲିପିରେ ଅଦୋରାମ୍
\f* ପଠାଇଲେ; ମାତ୍ର ସମୁଦାୟ ଇସ୍ରାଏଲ ତାହାକୁ ପ୍ରସ୍ତରାଘାତ କରନ୍ତେ, ସେ ମଲା। ତହିଁରେ ରିହବୀୟାମ ରାଜା ଯିରୂଶାଲମକୁ ପଳାଇବା ପାଇଁ ଶୀଘ୍ର ରଥ ଉପରେ ଚଢ଼ିଲେ।
\v 19 ଏହିରୂପେ ଇସ୍ରାଏଲ ଆଜି ପର୍ଯ୍ୟନ୍ତ ଦାଉଦ-ବଂଶର ବିଦ୍ରୋହୀ ହେଲେ।
\s5
\v 20 ଏଉତ୍ତାରେ ଯାରବୀୟାମ ଫେରି ଆସିଅଛନ୍ତି ବୋଲି ସମୁଦାୟ ଇସ୍ରାଏଲ ଶୁଣନ୍ତେ, ସେମାନେ ଲୋକ ପଠାଇ ତାଙ୍କୁ ମଣ୍ଡଳୀକି ଡକାଇଲେ ଓ ସମୁଦାୟ ଇସ୍ରାଏଲ ଉପରେ ତାଙ୍କୁ ରାଜା କଲେ; କେବଳ ଯିହୁଦା-ଗୋଷ୍ଠୀ ଛଡ଼ା କେହି ଦାଉଦ-ବଂଶର ଅନୁଗାମୀ ହେଲା ନାହିଁ।
\s5
\v 21 ରିହବୀୟାମ ଯିରୂଶାଲମରେ ଉପସ୍ଥିତ ହୁଅନ୍ତେ, ଯିହୁଦାର ସମସ୍ତ ବଂଶର ଓ ବିନ୍ୟାମୀନ୍-ଗୋଷ୍ଠୀର ଏକ ଲକ୍ଷ ଅଶୀ ହଜାର ବଛା ଯୋଦ୍ଧା ଲୋକଙ୍କୁ ଏକତ୍ର କଲେ ଓ ଶଲୋମନଙ୍କର ପୁତ୍ର ରିହବୀୟାମଙ୍କର ଅଧୀନକୁ ରାଜ୍ୟ ଫେରାଇ ଆଣିବା ନିମନ୍ତେ ଇସ୍ରାଏଲ-ବଂଶ ସହିତ ଯୁଦ୍ଧ ହେଲା।
\s5
\v 22 ମାତ୍ର ପରମେଶ୍ୱରଙ୍କ ଲୋକ ଶମୟୀୟ ନିକଟରେ ପରମେଶ୍ୱରଙ୍କର ଏହି ବାକ୍ୟ ଉପସ୍ଥିତ ହେଲା,
\v 23 ଯିହୁଦାର ରାଜା ଶଲୋମନର ପୁତ୍ର ରିହବୀୟାମକୁ, ପୁଣି, ଯିହୁଦା ଓ ବିନ୍ୟାମୀନ୍‍ର ସମସ୍ତ ବଂଶକୁ ଓ ଅବଶିଷ୍ଟ ସମସ୍ତ ଲୋକଙ୍କୁ କୁହ:
\v 24 ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭେମାନେ ଯାତ୍ରା କରିବ ନାହିଁ, କିଅବା ଆପଣା ଭ୍ରାତା ଇସ୍ରାଏଲ ସନ୍ତାନଗଣ ବିପକ୍ଷରେ ଯୁଦ୍ଧ କରିବ ନାହିଁ; ପ୍ରତ୍ୟେକ ଲୋକ ଆପଣା ଆପଣା ଗୃହକୁ ଫେରି ଯାଅ; କାରଣ ଏହି କାର୍ଯ୍ୟ ଆମ୍ଭ ଆଡ଼ୁ ହୋଇଅଛି।” ତେଣୁ ସେମାନେ ସଦାପ୍ରଭୁଙ୍କ ବାକ୍ୟ ଶୁଣିଲେ ଓ ସଦାପ୍ରଭୁଙ୍କ ବାକ୍ୟ ପ୍ରମାଣେ ଆପଣା ଆପଣା ପଥରେ ଫେରିଗଲେ।
\s ଯାରବୀୟାମର ସୁବର୍ଣ୍ଣ ଗୋବତ୍ସ
\p
\s5
\v 25 ଏହି ସମୟରେ ଯାରବୀୟାମ ଇଫ୍ରୟିମର ପର୍ବତମୟ ଦେଶରେ ଶିଖିମ ନିର୍ମାଣ କରି ତହିଁରେ ବାସ କଲେ; ପୁଣି, ସେ ସେଠାରୁ ଯାଇ ପନୂୟେଲ ନିର୍ମାଣ କଲେ।
\v 26 ତହୁଁ ଯାରବୀୟାମ ଆପଣା ମନେ ମନେ କହିଲେ, “ଏବେ ରାଜ୍ୟ ପୁନର୍ବାର ଦାଉଦ-ବଂଶର ଅଧୀନ ହେବ;
\v 27 ଯେବେ ଏହି ଲୋକମାନେ ଯିରୂଶାଲମରେ ସଦାପ୍ରଭୁଙ୍କ ଗୃହରେ ବଳିଦାନ କରିବାକୁ ଯିବେ, ତେବେ ଏହି ଲୋକମାନଙ୍କର ଅନ୍ତଃକରଣ ଆପଣାମାନଙ୍କ ପ୍ରଭୁ ଯିହୁଦାର ରାଜା ରିହବୀୟାମ ପ୍ରତି ଫେରିବ; ତହିଁରେ ସେମାନେ ମୋତେ ବଧ କରି ଯିହୁଦାର ରାଜା ରିହବୀୟାମ ନିକଟକୁ ଫେରିଯିବେ।”
\s5
\v 28 ଏହେତୁ ରାଜା ପରାମର୍ଶ କରି ସୁବର୍ଣ୍ଣର ଦୁଇ ଗୋବତ୍ସ ନିର୍ମାଣ କଲେ; ପୁଣି, ସେ ଲୋକମାନଙ୍କୁ କହିଲେ, “ଯିରୂଶାଲମକୁ ଯିବା ପାଇଁ ତୁମ୍ଭମାନଙ୍କୁ ବହୁତ କଷ୍ଟ ପଡ଼ୁଅଛି; ହେ ଇସ୍ରାଏଲ, ତୁମ୍ଭ ଦେବତାମାନଙ୍କୁ ଦେଖ, ସେମାନେ ତୁମ୍ଭକୁ ମିସର ଦେଶରୁ ବାହାର କରି ଆଣିଲେ।”
\v 29 ତହୁଁ ସେ ଗୋଟିକୁ ବେଥେଲ୍‍ରେ ଓ ଅନ୍ୟଟିକୁ ଦାନ୍‍ରେ ସ୍ଥାପନ କଲେ।
\v 30 ଏହି କର୍ମ ପାପର କାରଣ ହେଲା; କାରଣ ଲୋକମାନେ ଗୋଟିକର ପୂଜା କରିବା ନିମନ୍ତେ ଦାନ୍‍ ପର୍ଯ୍ୟନ୍ତ ସୁଦ୍ଧା ଗଲେ।
\s5
\v 31 ଏଉତ୍ତାରେ ସେ ଉଚ୍ଚସ୍ଥଳୀର ଗୃହମାନ ନିର୍ମାଣ କଲେ ଓ ଯେଉଁମାନେ ଲେବୀ-ସନ୍ତାନ ନୁହଁନ୍ତି, ଏପରି ସମୁଦାୟ ଲୋକଙ୍କ ମଧ୍ୟରୁ ଯାଜକ କଲେ।
\s ବେଥେଲ୍‍ର ଯଜ୍ଞବେଦି ଅଭିଶପ୍ତ
\p
\v 32 ପୁଣି, ଯାରବୀୟାମ ଅଷ୍ଟମ ମାସରେ, ମାସର ପଞ୍ଚଦଶ ଦିନରେ ଯିହୁଦାର ପର୍ବ ତୁଲ୍ୟ ଏକ ପର୍ବ ନିରୂପଣ କଲେ ଓ ଯଜ୍ଞବେଦିକୁ ଗଲେ; ଏହିରୂପେ ସେ ସ୍ୱନିର୍ମିତ ଗୋବତ୍ସ ଉଦ୍ଦେଶ୍ୟରେ ବେଥେଲ୍‍ରେ ବଳିଦାନ କଲେ; ପୁଣି, ସେ ଆପଣାର କୃତ ଉଚ୍ଚସ୍ଥଳୀର ଯାଜକମାନଙ୍କୁ ବେଥେଲ୍‍ରେ ସ୍ଥାପନ କଲେ।
\s5
\v 33 ଏହିପରି ସେ ଅଷ୍ଟମ ମାସର ପଞ୍ଚଦଶ ଦିନରେ, ଅର୍ଥାତ୍‍, ଆପଣା ମନର ସଂକଳ୍ପିତ ମାସରେ ବେଥେଲ୍‍ସ୍ଥିତ ସ୍ୱନିର୍ମିତ ଯଜ୍ଞବେଦିକୁ ଗଲେ ଓ ସେ ଇସ୍ରାଏଲ ସନ୍ତାନଗଣ ନିମନ୍ତେ ପର୍ବ ନିରୂପଣ କରି ଧୂପ ଜ୍ୱଳାଇବା ପାଇଁ ଯଜ୍ଞବେଦିକୁ ଗଲେ।
\s5
\c 13
\s ଯାରବୀୟାମର ସମ୍ମୁଖରେ ପରମେଶ୍ୱରଙ୍କ ଲୋକ
\p
\v 1 ପୁଣି, ଯାରବୀୟାମ ଧୂପ ଜ୍ୱଳାଇବା ପାଇଁ ଯଜ୍ଞବେଦି ନିକଟରେ ଛିଡ଼ା ହେବା ସମୟରେ ଦେଖ, ସଦାପ୍ରଭୁଙ୍କ ବାକ୍ୟ ଦ୍ୱାରା ଯିହୁଦାରୁ ପରମେଶ୍ୱରଙ୍କ ଏକ ଲୋକ ବେଥେଲ୍‍ରେ ଉପସ୍ଥିତ ହେଲା।
\v 2 ପୁଣି, ସେ ସଦାପ୍ରଭୁଙ୍କ ବାକ୍ୟ ଦ୍ୱାରା ଯଜ୍ଞବେଦି ବିରୁଦ୍ଧରେ ଉଚ୍ଚ ସ୍ୱର କରି କହିଲା, “ହେ ଯଜ୍ଞବେଦି, ଯଜ୍ଞବେଦି, ସଦାପ୍ରଭୁ ଏହିପରି କହନ୍ତି; ଦେଖ, ଦାଉଦ-ବଂଶରେ ଯୋଶୀୟ ନାମରେ ଏକ ସନ୍ତାନ ଜନ୍ମିବ; ପୁଣି, ଉଚ୍ଚସ୍ଥଳୀର ଯେଉଁ ଯାଜକମାନେ ତୁମ୍ଭ ଉପରେ ଧୂପ ଜ୍ୱଳାଉ ଅଛନ୍ତି, ସେମାନଙ୍କୁ ତୁମ୍ଭ ଉପରେ ସେ ବଳିଦାନ କରିବ ଓ ଲୋକମାନେ ମନୁଷ୍ୟର ଅସ୍ଥି ତୁମ୍ଭ ଉପରେ ଦଗ୍ଧ କରିବେ।”
\v 3 ଆହୁରି ସେ ଲୋକ ସେହି ଦିନ ଏକ ଚିହ୍ନ ଦେଇ କହିଲା, “ସଦାପ୍ରଭୁଙ୍କ କଥିତ ଚିହ୍ନ ଏହି; ଦେଖ, ଏହି ବେଦି ଫାଟିଯିବ ଓ ତହିଁ ଉପରିସ୍ଥ ଭସ୍ମ ଅଜାଡ଼ି ହୋଇ ପଡ଼ିବ।”
\s5
\v 4 ତହିଁରେ ପରମେଶ୍ୱରଙ୍କ ଲୋକ ବେଥେଲ୍‍ସ୍ଥିତ ଯଜ୍ଞବେଦି ବିରୁଦ୍ଧରେ ଉଚ୍ଚ ସ୍ୱର କରି ଯେଉଁ କଥା କହିଲା, ଯାରବୀୟାମ ରାଜା ତାହା ଶୁଣି ଯଜ୍ଞବେଦିଠାରୁ ହସ୍ତ ବଢ଼ାଇ କହିଲେ, “ତାହାକୁ ଧର।” ଏଥିରେ ସେ ତାହା ବିରୁଦ୍ଧରେ ଯେଉଁ ହସ୍ତ ବଢ଼ାଇ ଥିଲେ; ତାହା ଶୁଷ୍କ ହୋଇଗଲା, ତେଣୁ ସେ ତାହା ଆଉ ଫେରାଇ ପାରିଲେ ନାହିଁ।
\v 5 ମଧ୍ୟ ପରମେଶ୍ୱରଙ୍କ ଲୋକ ସଦାପ୍ରଭୁଙ୍କ ବାକ୍ୟ ଦ୍ୱାରା ଯେଉଁ ଚିହ୍ନ ଦେଇଥିଲା, ତଦନୁସାରେ ଯଜ୍ଞବେଦି ଫାଟିଗଲା ଓ ଯଜ୍ଞବେଦିରୁ ଭସ୍ମ ଅଜାଡି ହୋଇ ପଡ଼ିଲା।
\s5
\v 6 ସେତେବେଳେ ରାଜା ପରମେଶ୍ୱରଙ୍କ ଲୋକକୁ ଉତ୍ତର କରି କହିଲେ, “ଯେପରି ମୋହର ହସ୍ତ ପୂର୍ବ ପରି ହୁଏ, ଏଥିପାଇଁ ତୁମ୍ଭେ ଆପଣା ପରମେଶ୍ୱର ସଦାପ୍ରଭୁଙ୍କ ଅନୁଗ୍ରହ ନିବେଦନ କର ଓ ମୋ’ ପାଇଁ ପ୍ରାର୍ଥନା କର। ତହିଁରେ ପରମେଶ୍ୱରଙ୍କ ଲୋକ ସଦାପ୍ରଭୁଙ୍କଠାରେ ନିବେଦନ କରନ୍ତେ, ରାଜାଙ୍କର ହସ୍ତ ସୁସ୍ଥ ହୋଇ ପୂର୍ବ ପରି ହୋଇଗଲା।
\v 7 ତହୁଁ ରାଜା ପରମେଶ୍ୱରଙ୍କ ଲୋକଙ୍କୁ କହିଲେ, “ମୋ’ ସଙ୍ଗେ ଗୃହକୁ ଆସି ଆରାମ କର, ମୁଁ ତୁମ୍ଭକୁ ପୁରସ୍କାର ଦେବି।”
\s5
\v 8 ଏଥିରେ ପରମେଶ୍ୱରଙ୍କ ଲୋକ ରାଜାଙ୍କୁ କହିଲା, “ଯେବେ ତୁମ୍ଭେ ଆପଣା ଗୃହର ଅର୍ଦ୍ଧେକ ମୋତେ ଦେବ, ତେବେ ହେଁ ମୁଁ ତୁମ୍ଭ ସଙ୍ଗେ ଯିବି ନାହିଁ କିଅବା ଏହି ସ୍ଥାନରେ ଅନ୍ନ ଭୋଜନ କି ଜଳ ପାନ କରିବି ନାହିଁ,”
\v 9 କାରଣ ସଦାପ୍ରଭୁଙ୍କ ବାକ୍ୟ ଦ୍ୱାରା ମୋତେ ଏହି ଆଜ୍ଞା ଦିଆଯାଇଅଛି ଯେ, ତୁମ୍ଭେ ଅନ୍ନ ଭୋଜନ କରିବ ନାହିଁ, କି ଜଳ ପାନ କରିବ ନାହିଁ, କିଅବା ଯେଉଁ ପଥରେ ଯାଉଅଛ, ସେହି ପଥରେ ଫେରି ଆସିବ ନାହିଁ।
\v 10 ତହୁଁ ସେ ଅନ୍ୟ ପଥରେ ଗଲା, ଯେଉଁ ପଥରେ ବେଥେଲ୍‍କୁ ଆସିଥିଲା, ସେ ପଥରେ ସେ ଫେରିଲା ନାହିଁ।
\s ଭବିଷ୍ୟଦ୍‍ବକ୍ତାଙ୍କ ଅବାଧ୍ୟତା
\p
\s5
\v 11 ସେହି ବେଥେଲ୍‍ରେ ଜଣେ ପ୍ରାଚୀନ ଭବିଷ୍ୟଦ୍‍ବକ୍ତା ବାସ କରୁଥିଲା; ଆଉ ତାହାର ପୁତ୍ରମାନଙ୍କ ମଧ୍ୟରୁ ଜଣେ ତାହା ନିକଟକୁ ଆସି ସେହିଦିନ ପରମେଶ୍ୱରଙ୍କ ଲୋକ ବେଥେଲ୍‍ରେ ଯାହା ଯାହା କରିଥିଲା, ତାହାସବୁ ତାହାକୁ ଜଣାଇଲା; ମଧ୍ୟ ରାଜାଙ୍କୁ ସେ ଯେଉଁ ଯେଉଁ କଥା କହିଥିଲା, ତାହା ସେମାନେ ଆପଣା ପିତାକୁ ଜଣାଇଲେ।
\v 12 ତହିଁରେ ସେମାନଙ୍କ ପିତା ସେମାନଙ୍କୁ ପଚାରିଲା, “ସେ କେଉଁ ପଥରେ ଗଲା ?” ଯିହୁଦାରୁ ଆଗତ ପରମେଶ୍ୱରଙ୍କ ଲୋକ ଯେଉଁ ପଥରେ ଯାଇଥିଲା, ତାହା ତାହାର ପୁତ୍ରମାନେ ଦେଖିଥିଲେ।
\v 13 ଏଥିରେ ସେ ଆପଣା ପୁତ୍ରମାନଙ୍କୁ କହିଲା, “ମୋ’ ପାଇଁ ଗଧ ସଜାଅ।” ତହୁଁ ସେମାନେ ତାହା ପାଇଁ ଗଧ ସଜାନ୍ତେ, ସେ ତହିଁରେ ଚଢ଼ିଲା।
\s5
\v 14 ଏଉତ୍ତାରେ ସେ ପରମେଶ୍ୱରଙ୍କ ଲୋକର ପଛେ ପଛେ ଯାଇ ଏକ ଅଲୋନ ବୃକ୍ଷ ମୂଳେ ତାହାକୁ ବସିଥିବାର ଦେଖିଲା; ପୁଣି, ସେ ତାହାକୁ ପଚାରିଲା, “ତୁମ୍ଭେ କି ଯିହୁଦାରୁ ଆଗତ ପରମେଶ୍ୱରଙ୍କ ଲୋକ ?” ସେ କହିଲା, “ହଁ, ମୁଁ।”
\v 15 ତେବେ ସେ ତାହାକୁ କହିଲା, “ମୋ’ ସଙ୍ଗେ ଗୃହକୁ ଆସ ଓ ଅନ୍ନ ଭୋଜନ କର।”
\v 16 ତହିଁରେ ସେ କହିଲା, “ମୁଁ ତୁମ୍ଭ ସଙ୍ଗେ ଫେରି ନ ପାରେ, କି ତୁମ୍ଭ ସଙ୍ଗେ ଗୃହକୁ ଯାଇ ନ ପାରେ; କିଅବା ଏହି ସ୍ଥାନରେ ତୁମ୍ଭ ସଙ୍ଗେ ମୁଁ ଅନ୍ନ ଭୋଜନ କରିବି ନାହିଁ, କି ଜଳ ପାନ କରିବି ନାହିଁ;
\v 17 କାରଣ ସଦାପ୍ରଭୁଙ୍କ ବାକ୍ୟ ଦ୍ୱାରା ମୋତେ କୁହାଯାଇଅଛି, ତୁମ୍ଭେ ସେସ୍ଥାନରେ ଅନ୍ନ ଭୋଜନ କରିବ ନାହିଁ, କି ଜଳ ପାନ କରିବ ନାହିଁ, କିଅବା ଯେଉଁ ପଥରେ ଯାଉଅଛ, ସେ ପଥରେ ଫେରି ଆସିବ ନାହିଁ।”
\s5
\v 18 ଏଥିରେ ସେ ତାହାକୁ କହିଲା, “ମୁଁ ମଧ୍ୟ ତୁମ୍ଭ ପରି ଜଣେ ଭବିଷ୍ୟଦ୍‍ବକ୍ତା; ସଦାପ୍ରଭୁଙ୍କ ବାକ୍ୟ ଦ୍ୱାରା ଏକ ଦୂତ ମୋତେ ଏହି କଥା କହିଲେ, ଯେପରି ସେ ଅନ୍ନ ଭୋଜନ ଓ ଜଳ ପାନ କରିବ, ଏଥିପାଇଁ ତୁମ୍ଭେ ତାହାକୁ ଫେରାଇ ଆପଣା ସଙ୍ଗେ ଗୃହକୁ ଆଣ।” ମାତ୍ର ସେ ତାହାକୁ ମିଥ୍ୟା କହିଲା।
\v 19 ଏହେତୁ ସେ ତାହା ସଙ୍ଗେ ଫେରି ଯାଇ ତାହା ଗୃହରେ ଅନ୍ନ ଭୋଜନ ଓ ଜଳ ପାନ କଲା।
\s5
\v 20 ଏଉତ୍ତାରେ ସେମାନେ ମେଜ ନିକଟରେ ବସିଥିବା ବେଳେ ଏପରି ହେଲା ଯେ, ଯେଉଁ ଭବିଷ୍ୟଦ୍‍ବକ୍ତା ତାହାକୁ ଫେରାଇ ଆଣିଥିଲା, ତାହା ନିକଟରେ ସଦାପ୍ରଭୁଙ୍କ ବାକ୍ୟ ଉପସ୍ଥିତ ହେଲା।
\v 21 ଏଥିରେ ସେ ଯିହୁଦାରୁ ଆଗତ ପରମେଶ୍ୱରଙ୍କ ଲୋକକୁ ଉଚ୍ଚୈଃସ୍ୱରରେ କହିଲା, “ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେ ସଦାପ୍ରଭୁଙ୍କ ବାକ୍ୟର ବିରୁଦ୍ଧାଚରଣ କରିଅଛ, ପୁଣି, ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ଯାହା ଆଜ୍ଞା କରିଥିଲେ, ତୁମ୍ଭେ ତାହା ପାଳନ କରି ନାହଁ;
\v 22 ମାତ୍ର ଫେରି ଆସିଅଛ, ପୁଣି, ଯେଉଁ ସ୍ଥାନରେ ଅନ୍ନ ଭୋଜନ ନ କର ଓ ଜଳ ପାନ ନ କର, ବୋଲି ସେ ତୁମ୍ଭକୁ କହିଥିଲେ, ସେହି ସ୍ଥାନରେ ତୁମ୍ଭେ ଅନ୍ନ ଭୋଜନ କରିଅଛ ଓ ଜଳ ପାନ କରିଅଛ; ଏହେତୁ ତୁମ୍ଭ ଶବ ତୁମ୍ଭ ପିତୃଲୋକମାନଙ୍କ କବରରେ ପ୍ରବିଷ୍ଟ ନୋହିବ।”
\s5
\v 23 ଏଥିରେ ସେ ଅନ୍ନ ଭୋଜନ ଓ ଜଳ ପାନ କଲା ଉତ୍ତାରେ ତାହା ପାଇଁ, ଅର୍ଥାତ୍‍, ସେ ଯାହାକୁ ଫେରାଇ ଆଣିଥିଲା, ସେହି ଭବିଷ୍ୟଦ୍‍ବକ୍ତା ପାଇଁ ଗଧ ସଜାଇଲା।
\v 24 ତହୁଁ ସେ ଯାତ୍ରା କରନ୍ତେ, ପଥ ମଧ୍ୟରେ ଏକ ସିଂହ ତାହାକୁ ଭେଟି ବଧ କଲା। ପୁଣି, ପଥ ମଧ୍ୟରେ ତାହାର ଶବ ପଡ଼ି ରହିଲା ଓ ଗଧ ତାହା ନିକଟରେ ଠିଆ ହେଲା; ସିଂହ ମଧ୍ୟ ସେହି ଶବ ନିକଟରେ ଠିଆ ହେଲା।
\v 25 ଏଉତ୍ତାରେ ଦେଖ, ଲୋକମାନେ ଯାଉ ଯାଉ ପଥ ମଧ୍ୟରେ ଶବ ପଡ଼ିଥିବାର ଓ ଶବ ପାଖରେ ସିଂହ ଠିଆ ହୋଇଥିବାର ଦେଖିଲେ; ତହୁଁ ସେମାନେ ଆସି ସେହି ପ୍ରାଚୀନ ଭବିଷ୍ୟଦ୍‍ବକ୍ତାର ନିବାସ-ନଗରରେ ତାହା ଜଣାଇଲେ।
\s5
\v 26 ଏଥିରେ ଯେଉଁ ଭବିଷ୍ୟଦ୍‍ବକ୍ତା ତାହାଙ୍କୁ ପଥରୁ ଫେରାଇ ଆଣିଥିଲା, ସେ ସେହି କଥା ଶୁଣି କହିଲା, “ଯେ ସଦାପ୍ରଭୁଙ୍କ ବାକ୍ୟର ବିରୁଦ୍ଧାଚରଣ କରିଥିଲା, ଏ ପରମେଶ୍ୱରଙ୍କ ସେହି ଲୋକ; ଏହେତୁ ତାହା ପ୍ରତି କଥିତ ସଦାପ୍ରଭୁଙ୍କ ବାକ୍ୟାନୁସାରେ ସଦାପ୍ରଭୁ ତାହାକୁ ସିଂହ ହସ୍ତରେ ସମର୍ପଣ କରନ୍ତେ, ସେ ତାହାକୁ ବିଦୀର୍ଣ୍ଣ କରି ବଧ କରିଅଛି।”
\v 27 ଏଣୁ ସେ ଆପଣା ପୁତ୍ରମାନଙ୍କୁ କହିଲା, “ମୋ’ ପାଇଁ ଗଧ ସଜାଅ।” ତହୁଁ ସେମାନେ ଗଧ ସଜାଇଲେ।
\v 28 ଏଥିରେ ସେ ଯାଇ ପଥ ମଧ୍ୟରେ ତାହାର ଶବ ପଡ଼ିଥିବାର, ପୁଣି, ଗଧ ଓ ସିଂହ ଶବ ନିକଟରେ ଠିଆ ହୋଇଥିବାର ଦେଖିଲା; ସିଂହ ଶବ ଖାଇ ନ ଥିଲା, କି ଗଧକୁ ବିଦୀର୍ଣ୍ଣ କରି ନ ଥିଲା।
\s5
\v 29 ପୁଣି, ସେ ଭବିଷ୍ୟଦ୍‍ବକ୍ତା ପରମେଶ୍ୱରଙ୍କ ଲୋକର ଶବ ଉଠାଇ ନେଇ ଗଧ ଉପରେ ଥୋଇ ତାହା ଫେରାଇ ଆଣିଲା; ଆଉ ସେହି ପ୍ରାଚୀନ ଭବିଷ୍ୟଦ୍‍ବକ୍ତା ଶୋକ କରିବା ପାଇଁ ଓ ତାହାକୁ କବର ଦେବା ପାଇଁ ଆପଣା ନଗରକୁ ଆସିଲା।
\v 30 ପୁଣି, ସେ ଆପଣା କବରରେ ତାହାର ଶବ ଥୋଇଲା; ତହୁଁ ସେମାନେ, “ହାୟ, ମୋହର ଭାଇ !” ବୋଲି ତାହା ଲାଗି ବିଳାପ କଲେ।
\s5
\v 31 ଆଉ ସେ ତାହାକୁ କବର ଦେଲା ଉତ୍ତାରେ ଆପଣା ପୁତ୍ରମାନଙ୍କୁ କହିଲା, “ମୁଁ ମଲେ, ଯେଉଁ କବରରେ ପରମେଶ୍ୱରଙ୍କ ଏହି ଲୋକ କବର ପାଇଅଛି, ତହିଁରେ ମୋତେ କବର ଦେଇ ତାହାର ଅସ୍ଥି ପାଖରେ ମୋହର ଅସ୍ଥି ରଖିବ।
\v 32 କାରଣ ସେ ବେଥେଲ୍‍ସ୍ଥ ଯଜ୍ଞବେଦି ବିରୁଦ୍ଧରେ ଓ ଶମରୀୟାର ନାନା ନଗରସ୍ଥିତ ଉଚ୍ଚସ୍ଥଳୀର ସମସ୍ତ ଗୃହ ବିରୁଦ୍ଧରେ ସଦାପ୍ରଭୁଙ୍କ ବାକ୍ୟ ଦ୍ୱାରା ଉଚ୍ଚୈଃସ୍ୱରରେ ଯାହା କହିଅଛି, ତାହା ନିଶ୍ଚୟ ସଫଳ ହେବ।”
\s5
\v 33 ଏ ଘଟଣା ଉତ୍ତାରେ ଯାରବୀୟାମ ଆପଣା କୁପଥରୁ ଫେରିଲେ ନାହିଁ, ମାତ୍ର ପୁନର୍ବାର ସମୁଦାୟ ଲୋକଙ୍କ ମଧ୍ୟରୁ ଉଚ୍ଚସ୍ଥଳୀର ଯାଜକ ନିଯୁକ୍ତ କଲେ; ସମସ୍ତ ଉଚ୍ଚସ୍ଥଳୀ ପାଇଁ ଯେପରି ଯାଜକ ହେବେ ଏଥିପାଇଁ ଯେ ଇଚ୍ଛା କଲା, ତାହାକୁ ସେ ନିଯୁକ୍ତ କଲେ।
\v 34 ମାତ୍ର ଏହି କାର୍ଯ୍ୟ ଯାରବୀୟାମ-ବଂଶକୁ ଉଚ୍ଛିନ୍ନ କରିବା ପାଇଁ ଓ ପୃଥିବୀରୁ ଲୁପ୍ତ କରିବା ପାଇଁ ତହିଁ ପ୍ରତି ପାପର କାରଣ ହେଲା।
\s5
\c 14
\s ଯାରବୀୟାମଙ୍କ ବିରୁଦ୍ଧରେ ଭବିଷ୍ୟଦ୍‍ବାଣୀ
\p
\v 1 ସେହି ସମୟରେ ଯାରବୀୟାମଙ୍କର ପୁତ୍ର ଅବୀୟ ପୀଡ଼ିତ ହେଲା।
\v 2 ତହୁଁ ଯାରବୀୟାମ ଆପଣା ଭାର୍ଯ୍ୟାକୁ କହିଲେ, “ମୁଁ ବିନୟ କରୁଅଛି, ଉଠ, ପୁଣି, ତୁମ୍ଭେ ଯାରବୀୟାମଙ୍କର ଭାର୍ଯ୍ୟା ବୋଲି ଯେପରି ଜଣା ନ ପଡ଼ିବ, ଏଥିପାଇଁ ଛଦ୍ମବେଶ ଧରି ଶୀଲୋକୁ ଯାଅ; ଦେଖ, ମୁଁ ଏହି ଲୋକଙ୍କ ଉପରେ ରାଜା ହେବି ବୋଲି ମୋ’ ବିଷୟରେ ଯେ କହିଥିଲା, ସେହି ଅହୀୟ ଭବିଷ୍ୟଦ୍‍ବକ୍ତା ସେଠାରେ ଅଛି।
\v 3 ପୁଣି, ଆପଣା ସଙ୍ଗେ ଦଶ ରୁଟି ଓ କିଛି ତିଲୁଆ ଓ ଏକ ପାତ୍ର ମଧୁ ନେଇ ତାହା ନିକଟକୁ ଯାଅ; ବାଳକର କଅଣ ହେବ, ତାହା ସେ ତୁମ୍ଭକୁ ଜଣାଇବ।”
\s5
\v 4 ଏଥିରେ ଯାରବୀୟାମଙ୍କର ଭାର୍ଯ୍ୟା ସେପରି କଲା ଓ ସେ ଉଠି ଶୀଲୋକୁ ଯାଇ ଅହୀୟର ଗୃହରେ ଉପସ୍ଥିତ ହେଲା। ସେହି ସମୟରେ ଅହୀୟ ଦେଖି ପାରୁ ନ ଥିଲା; କାରଣ ବୟସ ହେତୁରୁ ତାହାର ଚକ୍ଷୁ ସ୍ତବ୍ଧ ହୋଇଥିଲା।
\v 5 ଏଥି ମଧ୍ୟରେ ସଦାପ୍ରଭୁ ଅହୀୟଙ୍କୁ କହିଲେ, “ଦେଖ, ଯାରବୀୟାମଙ୍କର ଭାର୍ଯ୍ୟା ଆପଣା ପୁତ୍ର ବିଷୟ ପଚାରିବା ପାଇଁ ତୁମ୍ଭ ନିକଟକୁ ଆସୁଅଛି; କାରଣ ସେ ପୀଡ଼ିତ ଅଛି; ତାହାକୁ ତୁମ୍ଭେ ଏପରି ଏପରି କହିବ; କାରଣ ସେ ଆସିବା ବେଳେ ଆପଣାକୁ ଅନ୍ୟ ସ୍ତ୍ରୀ ପରି ଦେଖାଇବ।”
\s5
\v 6 ଆଉ ସେ ଦ୍ୱାର ଦେଇ ଆସିବା ବେଳେ ଏପରି ହେଲା ଯେ, ଅହୀୟ ତାହାର ପାଦ-ଶବ୍ଦ ଶୁଣି କହିଲା, “ହେ ଯାରବୀୟାମଙ୍କର ଭାର୍ଯ୍ୟା, ତୁମ୍ଭେ ଭିତରକୁ ଆସ; କାହିଁକି ତୁମ୍ଭେ ଆପଣାକୁ ଅନ୍ୟ ପରି ଦେଖାଉଅଛ ? ମୁଁ ଦୁଃସହନୀୟ ସମ୍ବାଦ ଦେବା ପାଇଁ ତୁମ୍ଭ ନିକଟକୁ ପ୍ରେରିତ ହୋଇଅଛି।
\v 7 ତୁମ୍ଭେ ଯାଇ ଯାରବୀୟାମକୁ କୁହ, ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି; ଆମ୍ଭେ ଲୋକମାନଙ୍କ ମଧ୍ୟରୁ ତୁମ୍ଭକୁ ଉନ୍ନତ କରି ଆମ୍ଭ ଲୋକ ଇସ୍ରାଏଲ ଉପରେ ତୁମ୍ଭକୁ ରାଜା କଲୁ;
\v 8 ଓ ଦାଉଦ-ବଂଶଠାରୁ ରାଜ୍ୟ ଚିରି ନେଇ ତୁମ୍ଭକୁ ଦେଲୁ; ତଥାପି ଆମ୍ଭ ଦାସ ଦାଉଦ, ଯେ ଆମ୍ଭ ଆଜ୍ଞାସବୁ ପାଳନ କଲା ଓ ଆମ୍ଭ ଦୃଷ୍ଟିରେ ଯାହା ଭଲ, କେବଳ ତାହା କରିବା ପାଇଁ ଆପଣା ସର୍ବାନ୍ତଃକରଣ ସହିତ ଆମ୍ଭର ଅନୁଗତ ହେଲା, ତାହା ପରି ତୁମ୍ଭେ ହୋଇ ନାହଁ;
\s5
\v 9 ମାତ୍ର ତୁମ୍ଭ ପୂର୍ବରେ ଯେଉଁମାନେ ଥିଲେ, ସେସମସ୍ତଙ୍କ ଅପେକ୍ଷା ତୁମ୍ଭେ ଅଧିକ କୁକର୍ମ କରିଅଛ, ପୁଣି, ଆମ୍ଭକୁ ବିରକ୍ତ କରିବା ପାଇଁ ତୁମ୍ଭେ ଯାଇ ଆପଣା ନିମନ୍ତେ ଅନ୍ୟ ଦେବଗଣ ଓ ଛାଞ୍ଚରେ ଢଳା ପ୍ରତିମାମାନ ନିର୍ମାଣ କରିଅଛ ଓ ଆମ୍ଭକୁ ଆପଣା ପଛଆଡ଼େ ପକାଇ ଦେଇଅଛ;
\v 10 ଏହେତୁ ଦେଖ, ଆମ୍ଭେ ଯାରବୀୟାମ-ବଂଶ ପ୍ରତି ଅମଙ୍ଗଳ ଘଟାଇବା, ପୁଣି, ଇସ୍ରାଏଲ ମଧ୍ୟରେ ବଦ୍ଧ ବା ମୁକ୍ତ ପ୍ରତ୍ୟେକ ପୁଂସନ୍ତାନକୁ ଯାରବୀୟାମଠାରୁ ଲୋପ କରିବା ଓ ଯେପରି କୌଣସି ମନୁଷ୍ୟ ମଇଳା ସମ୍ପୂର୍ଣ୍ଣ ଯିବା ପର୍ଯ୍ୟନ୍ତ ଝାଡୁ କରେ, ସେପରି ଆମ୍ଭେ ଯାରବୀୟାମ ଗୃହକୁ ନିଃଶେଷରେ ବିନାଶ କରିବା।
\s5
\v 11 ଯାରବୀୟାମର କେହି ନଗରରେ ମଲେ, କୁକ୍କୁରମାନେ ତାକୁ ଖାଇବେ ଓ କେହି କ୍ଷେତ୍ରରେ ମଲେ, ଆକାଶର ପକ୍ଷୀମାନେ ତାକୁ ଖାଇବେ; କାରଣ ସଦାପ୍ରଭୁ ଏହା କହିଅଛନ୍ତି।
\v 12 ଏନିମନ୍ତେ ତୁମ୍ଭେ ଉଠି ଆପଣା ଗୃହକୁ ଯାଅ; ନଗରରେ ତୁମ୍ଭ ପାଦ ପଡ଼ିଲା କ୍ଷଣେ ବାଳକ ମରିବ।
\v 13 ପୁଣି, ତାହା ନିମନ୍ତେ ସମୁଦାୟ ଇସ୍ରାଏଲ ଶୋକ କରି ତାହାକୁ କବର ଦେବେ; ମାତ୍ର ଯାରବୀୟାମ ସମ୍ପର୍କୀୟର କେବଳ ସେ ହିଁ କବର ପାଇବ; କାରଣ ଯାରବୀୟାମ-ବଂଶ ମଧ୍ୟରେ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ପ୍ରତି ତାହାରିଠାରେ କିଛି ସଦ୍‍ଭାବ ଦେଖାଯାଇଅଛି।
\s5
\v 14 ଆହୁରି ସଦାପ୍ରଭୁ ଆପଣା ପାଇଁ ଇସ୍ରାଏଲ ଉପରେ ଏକ ରାଜା ଉତ୍ପନ୍ନ କରିବେ, ସେ ସେହିଦିନ ଯାରବୀୟାମ-ବଂଶକୁ ଉଚ୍ଛିନ୍ନ କରିବ; ମାତ୍ର କଅଣ ? ଏବେ ତାହା ଘଟିବ।
\v 15 କାରଣ ସଦାପ୍ରଭୁ ଜଳରେ ହଲିଲା ନଳ ପରି ଇସ୍ରାଏଲକୁ ଆଘାତ କରିବେ; ପୁଣି, ସେମାନଙ୍କ ପୂର୍ବପୁରୁଷମାନଙ୍କୁ ଏହି ଯେଉଁ ଉତ୍ତମ ଦେଶ ଦେଇଅଛନ୍ତି, ତହିଁରୁ ଇସ୍ରାଏଲକୁ ଉତ୍ପାଟନ କରି ନଦୀ ସେପାରିରେ ସେମାନଙ୍କୁ ଛିନ୍ନଭିନ୍ନ କରିବେ; ଯେହେତୁ ସେମାନେ ଆପଣାମାନଙ୍କର ଆଶେରା ମୂର୍ତ୍ତିମାନ ନିର୍ମାଣ କରି ସଦାପ୍ରଭୁଙ୍କୁ ବିରକ୍ତ କରିଅଛନ୍ତି।
\v 16 ପୁଣି, ଯାରବୀୟାମ ଯେଉଁ ପାପ କରିଅଛି ଓ ଯଦ୍ଦ୍ୱାରା ସେ ଇସ୍ରାଏଲକୁ ପାପ କରାଇଅଛି, ତାହାର ସେହିସବୁ ପାପ ସକାଶୁ ସେ ଇସ୍ରାଏଲକୁ ତ୍ୟାଗ କରିବେ।
\s5
\v 17 ଏଉତ୍ତାରେ ଯାରବୀୟାମଙ୍କର ଭାର୍ଯ୍ୟା ଉଠି ଚାଲିଗଲା ଓ ତିର୍ସାରେ ଉପସ୍ଥିତ ହେଲା; ଆଉ ସେ ଗୃହର ଦ୍ୱାରବନ୍ଧ ନିକଟରେ ପହଞ୍ଚିଲା କ୍ଷଣେ ବାଳକ ମଲା।”
\v 18 ତହିଁରେ ସଦାପ୍ରଭୁ ଆପଣା ଦାସ ଅହୀୟ ଭବିଷ୍ୟଦ୍‍ବକ୍ତାଙ୍କ ଦ୍ୱାରା ଯେପରି କହିଥିଲେ, ତଦନୁସାରେ ସମସ୍ତ ଇସ୍ରାଏଲ ତାହାକୁ କବର ଦେଲେ ଓ ତାହା ପାଇଁ ଶୋକ କଲେ।
\s ଯାରବୀୟାମଙ୍କ ମୃତ୍ୟୁୁ
\p
\s5
\v 19 ଏହି ଯାରବୀୟାମଙ୍କର ଅବଶିଷ୍ଟ ବୃତ୍ତାନ୍ତ, ସେ କିପରି ଯୁଦ୍ଧ କଲେ ଓ କିପରି ରାଜ୍ୟ କଲେ, ଦେଖ, ଏସବୁ ଇସ୍ରାଏଲୀୟ ରାଜାମାନଙ୍କର ଇତିହାସ ପୁସ୍ତକରେ ଲେଖାଅଛି।
\v 20 ପୁଣି, ଯାରବୀୟାମଙ୍କର ରାଜତ୍ୱକାଳ ବାଇଶ ବର୍ଷ; ତହିଁ ଉତ୍ତାରେ ସେ ମୃତ୍ୟୁବରଣ କଲା ପରେ ଆପଣା ପିତୃଗଣ ସହିତ କବର ପାଇଲେ ଓ ତାଙ୍କର ପୁତ୍ର ନାଦବ୍‍ ତାଙ୍କର ପଦରେ ରାଜ୍ୟ କଲେ।
\s ଯିହୁଦାରେ ରିହବୀୟାମଙ୍କ ରାଜତ୍ୱ
\p
\s5
\v 21 ଶଲୋମନଙ୍କର ପୁତ୍ର ରିହବୀୟାମ ଯିହୁଦା-ଦେଶରେ ରାଜ୍ୟ କଲେ। ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ରିହବୀୟାମଙ୍କୁ ଏକଚାଳିଶ ବର୍ଷ ବୟସ ହୋଇଥିଲା, ପୁଣି, ସଦାପ୍ରଭୁ ଆପଣା ନାମ ସ୍ଥାପନାର୍ଥେ ସମୁଦାୟ ଇସ୍ରାଏଲ-ବଂଶ ମଧ୍ୟରୁ ଯେଉଁ ନଗର ମନୋନୀତ କରିଥିଲେ, ସେହି ଯିରୂଶାଲମରେ ସେ ସତର ବର୍ଷ ରାଜ୍ୟ କଲେ ଓ ତାଙ୍କର ମାତାର ନାମ ନୟମା ଯେ ଅମ୍ମୋନୀୟା ଥିଲେ।
\v 22 ମାତ୍ର ଯିହୁଦା ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲା; ପୁଣି, ସେମାନଙ୍କ ପୂର୍ବପୁରୁଷମାନେ ଯାହା ଯାହା କରିଥିଲେ, ସେସବୁ ଅପେକ୍ଷା ସେମାନେ ଆପଣାମାନଙ୍କ କୃତ ପାପ ଦ୍ୱାରା ତାହାଙ୍କୁ ଅଧିକ କୋପାନ୍ୱିତ କଲେ।
\s5
\v 23 କାରଣ ସେମାନେ ମଧ୍ୟ ପ୍ରତ୍ୟେକ ଉଚ୍ଚ ପର୍ବତରେ ଓ ପ୍ରତ୍ୟେକ ହରିଦ୍‍ବର୍ଣ୍ଣ ବୃକ୍ଷମୂଳେ ଆପଣାମାନଙ୍କ ପାଇଁ ଉଚ୍ଚସ୍ଥଳୀ, ସ୍ତମ୍ଭ ଓ ଆଶେରାମୂର୍ତ୍ତିମାନ ନିର୍ମାଣ କଲେ;
\v 24 ପୁଣି, ଦେଶରେ ମଧ୍ୟ ସଦୋମୀ ଲୋକେ ଥିଲେ; ସଦାପ୍ରଭୁ ଇସ୍ରାଏଲ ସନ୍ତାନଗଣ ସମ୍ମୁଖରୁ ଯେଉଁ ଗୋଷ୍ଠୀୟମାନଙ୍କୁ ତଡ଼ି ଦେଇଥିଲେ, ସେମାନଙ୍କର ସମସ୍ତ ଘୃଣାଯୋଗ୍ୟ କର୍ମାନୁସାରେ ସେମାନେ କର୍ମ କଲେ।
\s5
\v 25 ଆଉ ରିହବୀୟାମ ରାଜାଙ୍କର ପଞ୍ଚମ ବର୍ଷରେ ମିସରର ରାଜା ଶୀଶକ୍‍ ଯିରୂଶାଲମ ବିରୁଦ୍ଧରେ ଆସିଲା;
\v 26 ପୁଣି, ସେ ସଦାପ୍ରଭୁଙ୍କ ଗୃହର ଧନ ଓ ରାଜଗୃହର ଧନ ନେଇଗଲା; ସେ ସମସ୍ତ ପଦାର୍ଥ ନେଇଗଲା; ଆହୁରି ଶଲୋମନଙ୍କର ନିର୍ମିତ ସୁବର୍ଣ୍ଣ-ଢାଲ ନେଇଗଲା।
\s5
\v 27 ଏଥିରେ ରିହବୀୟାମ ରାଜା ସେସବୁର ବଦଳେ ପିତ୍ତଳ-ଢାଲ କରି ରାଜଗୃହର ଦ୍ୱାରପାଳ ପ୍ରହରୀବର୍ଗର ଅଧ୍ୟକ୍ଷମାନଙ୍କ ହସ୍ତରେ ସମର୍ପଣ କଲେ।
\v 28 ପୁଣି, ରାଜା ଯେତେଥର ସଦାପ୍ରଭୁଙ୍କ ଗୃହକୁ ଗଲେ, ସେତେଥର ପ୍ରହରୀମାନେ ତାହା ନେଇ ଗଲେ, ଆଉ ତାହାସବୁ ପ୍ରହରୀଶାଳାକୁ ଫେରାଇ ଆଣିଲେ।
\s5
\v 29 ଏହି ରିହବୀୟାମଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ସମସ୍ତ କ୍ରିୟା କିମ୍ବା ଯିହୁଦା-ରାଜାଗଣର ଇତିହାସ ପୁସ୍ତକରେ ଲେଖା ନାହିଁ ?
\v 30 ଏହି ରିହବୀୟାମ ଓ ଯାରବୀୟାମଙ୍କ ମଧ୍ୟରେ ସର୍ବଦା ଯୁଦ୍ଧ ଚାଲିଥିଲା।
\v 31 ଏଉତ୍ତାରେ ରିହବୀୟାମ ମୃତ୍ୟୁବରଣ କଲେ ଓ ଆପଣା ପିତୃଲୋକଙ୍କ ସହିତ ଦାଉଦ-ନଗରରେ କବର ପାଇଲେ; ତାଙ୍କର ମାତାର ନାମ ନୟମା, ଯେ ଅମ୍ମୋନୀୟା ଥିଲେ। ଆଉ ତାଙ୍କର ପୁତ୍ର ଅବୀୟାମ ତାଙ୍କର ପଦରେ ରାଜ୍ୟ କଲେ।
\s5
\c 15
\s ଯିହୁଦାର ରାଜା ଅବୀୟାମ
\p
\v 1 ନବାଟର ପୁତ୍ର ଯାରବୀୟାମ ରାଜାଙ୍କର ରାଜତ୍ଵର ଅଠର ବର୍ଷରେ ଅବୀୟାମ ଯିହୁଦା ଉପରେ ରାଜତ୍ଵ କରିବାକୁ ଲାଗିଲେ।
\v 2 ସେ ଯିରୂଶାଲମରେ ତିନି ବର୍ଷ ରାଜତ୍ଵ କଲେ ଓ ତାଙ୍କର ମାତାର ନାମ ମାଖା, ସେ ଅବଶାଲୋମର କନ୍ୟା ଥିଲା।
\v 3 ତାଙ୍କ ପୂର୍ବରେ ତାଙ୍କର ପିତା ଯେସବୁ ପାପ-ପଥରେ ଚାଲିଥିଲେ, ସେ ସେହିପରି ଚାଲିଲେ; ଆଉ ତାଙ୍କର ପୂର୍ବପୁରୁଷ ଦାଉଦଙ୍କର ଅନ୍ତଃକରଣ ଯେପରି ଥିଲା, ତାଙ୍କର ଅନ୍ତଃକରଣ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ପ୍ରତି ସେପରି ସିଦ୍ଧ ନ ଥିଲା।
\s5
\v 4 ତଥାପି ଦାଉଦଙ୍କ ସକାଶୁ ତାଙ୍କ ଉତ୍ତାରେ ତାଙ୍କର ପୁତ୍ରକୁ ସ୍ଥାପନ କରିବା ପାଇଁ ଓ ଯିରୂଶାଲମକୁ ସୁସ୍ଥିର କରିବା ପାଇଁ ସଦାପ୍ରଭୁ ତାଙ୍କର ପରମେଶ୍ୱର ଯିରୂଶାଲମରେ ତାଙ୍କୁ ଏକ ପ୍ରଦୀପ ଦେଲେ।
\v 5 କାରଣ ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହା ଯଥାର୍ଥ, ତାହା ଦାଉଦ କରିଥିଲେ ଓ କେବଳ ହିତ୍ତୀୟ ଊରୀୟର କଥା ଛଡ଼ା ଆଉ କୌଣସି ବିଷୟରେ ସେ ଆପଣାର ଯାବଜ୍ଜୀବନ ତାହାଙ୍କର ଦତ୍ତ ଆଜ୍ଞାରୁ ବିମୁଖ ହୋଇ ନ ଥିଲେ।
\v 6 ଆଉ ଯାରବୀୟାମଙ୍କର ଯାବଜ୍ଜୀବନ ତାଙ୍କର ଓ ରିହବୀୟାମଙ୍କର ମଧ୍ୟରେ ଯୁଦ୍ଧ ଚାଲିଲା।
\s5
\v 7 ପୁଣି, ଅବୀୟାମଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ସମସ୍ତ କ୍ରିୟା କି ଯିହୁଦା-ରାଜାଗଣର ଇତିହାସ ପୁସ୍ତକରେ ଲେଖା ନାହିଁ ? ଆଉ ଅବୀୟାମ ଓ ଯାରବୀୟାମ ମଧ୍ୟରେ ଯୁଦ୍ଧ ଥିଲା।
\v 8 ପୁଣି, ଅବୀୟାମଙ୍କ ମୃତ୍ୟୁ ପରେ, ଲୋକମାନେ ତାହାଙ୍କୁ ଦାଉଦ-ନଗରରେ କବର ଦେଲେ; ତହୁଁ ତାଙ୍କର ପୁତ୍ର ଆସା ତାହାଙ୍କ ପଦରେ ରାଜ୍ୟ କଲେ।
\s ଯିହୁଦାର ରାଜା ଆସା
\p
\s5
\v 9 ଇସ୍ରାଏଲର ରାଜା ଯାରବୀୟାମଙ୍କର ରାଜତ୍ଵର କୋଡ଼ିଏ ବର୍ଷରେ ଆସା ଯିହୁଦା ଉପରେ ରାଜତ୍ଵ କରିବାକୁ ଆରମ୍ଭ କଲେ।
\v 10 ସେ ଯିରୂଶାଲମରେ ଏକଚାଳିଶ ବର୍ଷ ରାଜତ୍ଵ କଲେ, ଆଉ ତାଙ୍କର ମାତାମହୀର ନାମ ମାଖା, ସେ ଅବଶାଲୋମର କନ୍ୟା ଥିଲା।
\v 11 ପୁଣି, ଆସା ଆପଣା ପୂର୍ବପୁରୁଷ ଦାଉଦଙ୍କର ନ୍ୟାୟ ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହା ଯଥାର୍ଥ, ତାହା କଲେ।
\s5
\v 12 ଆଉ ସେ ଦେଶରୁ ସଦୋମୀମାନଙ୍କୁ ତଡ଼ି ଦେଲେ ଓ ଆପଣା ପିତୃଗଣ ନିର୍ମିତ ଦେବତା ସମସ୍ତ ଦୂର କରିଦେଲେ।
\v 13 ମଧ୍ୟ ଆପଣା ମାତାମହୀ ମାଖା ଆଶେରା ଦେବୀ ରୂପେ ଏକ ଘୃଣାଯୋଗ୍ୟ ପ୍ରତିମା ନିର୍ମାଣ କରିଥିବାରୁ ସେ ତାହାକୁ ରାଣୀପଦରୁ ଚ୍ୟୁତ କଲେ ଓ ଆସା ତାହାର ସେହି ପ୍ରତିମା ଛେଦନ କରି କିଦ୍ରୋଣ ନଦୀ ନିକଟରେ ତାହା ପୋଡ଼ି ଦେଲେ।
\s5
\v 14 ମାତ୍ର ଉଚ୍ଚସ୍ଥଳୀସକଳ ଦୂରୀକୃତ ନୋହିଲା; ତଥାପି ଆସାଙ୍କର ଅନ୍ତଃକରଣ ଯାବଜ୍ଜୀବନ ସଦାପ୍ରଭୁଙ୍କ ପ୍ରତି ସିଦ୍ଧ ଥିଲା।
\v 15 ପୁଣି, ସେ ଆପଣା ପିତାଙ୍କର ପ୍ରତିଷ୍ଠିତ, ଆପଣାର ପ୍ରତିଷ୍ଠିତ ରୂପା, ସୁନା ଓ ପାତ୍ରସବୁ ସଦାପ୍ରଭୁଙ୍କ ଗୃହକୁ ଆଣିଲେ।
\s5
\v 16 ପୁଣି, ଆସା ଓ ଇସ୍ରାଏଲର ରାଜା ବାଶାଙ୍କ ମଧ୍ୟରେ ସେମାନଙ୍କର ଯାବଜ୍ଜୀବନ ଯୁଦ୍ଧ ଚାଲିଲା।
\v 17 ଆଉ ଯିହୁଦାର ରାଜା ଆସାଙ୍କ ନିକଟକୁ କାହାରିକୁ ଯିବା ଆସିବାକୁ ନ ଦେବା ପାଇଁ ଇସ୍ରାଏଲର ରାଜା ବାଶା ଯିହୁଦା ବିରୁଦ୍ଧରେ ଯାତ୍ରା କରି ରାମା ନଗର ଦୃଢ଼ କଲେ।
\s5
\v 18 ତହିଁରେ ଆସା ସଦାପ୍ରଭୁଙ୍କ ଗୃହର ଭଣ୍ଡାରରୁ, ରାଜଗୃହର ଭଣ୍ଡାରରୁ ଅବଶିଷ୍ଟ ସବୁ ରୂପା ଓ ସୁନା ନେଇ ଆପଣା ଦାସମାନଙ୍କ ହସ୍ତରେ ସମର୍ପଣ କଲେ ଓ ଆସା ରାଜା ହିଷୀୟୋଣର ପୌତ୍ର ଟବ୍ରିମ୍ମୋଣର ପୁତ୍ର ବିନ୍‍ହଦଦ୍‍ ନାମକ ଦମ୍ମେଶକ ନିବାସୀ ଅରାମୀୟ ରାଜା ନିକଟକୁ ସେମାନଙ୍କୁ ପଠାଇ ଏହି କଥା କହିଲେ,
\v 19 “ମୋର ଓ ତୁମ୍ଭ ମଧ୍ୟରେ, ମୋ’ ପିତା ଓ ତୁମ୍ଭ ପିତାଙ୍କ ମଧ୍ୟରେ ନିୟମ ଅଛି; ଦେଖ, ମୁଁ ତୁମ୍ଭ ନିକଟକୁ ରୂପା ଓ ସୁନାର ଭେଟୀ ପଠାଇଲି; ଯାଅ, ଇସ୍ରାଏଲର ରାଜା ବାଶା ସଙ୍ଗେ ତୁମ୍ଭର ଯେଉଁ ନିୟମ ଅଛି, ତାହା ଭାଙ୍ଗିଦିଅ, ତହିଁରେ ସେ ମୋ’ ନିକଟରୁ ପ୍ରସ୍ଥାନ କରିବ।”
\s5
\v 20 ଏଥିରେ ବିନ୍‍ହଦଦ୍‍ ଆସା ରାଜାଙ୍କର କଥାରେ ମନୋଯୋଗ କରି ଆପଣା ସେନାପତିମାନଙ୍କୁ ଇସ୍ରାଏଲର ନାନା ନଗର ବିରୁଦ୍ଧରେ ପଠାଇ ଇୟୋନ୍‍, ଦାନ୍‍, ଆବେଲ୍‍-ବେଥ୍-ମାଖା, ସମୁଦାୟ କିନ୍ନେରତ୍‍ ଓ ନପ୍ତାଲିର ସମସ୍ତ ଦେଶ ପରାସ୍ତ କଲା।
\v 21 ତହୁଁ ବାଶା ଏହି କଥା ଶୁଣି ରାମା ଦୃଢ଼କରଣରୁ କ୍ଷାନ୍ତ ହୋଇ ତିର୍ସାରେ ବାସ କଲେ।
\v 22 ତେବେ ଆସା ରାଜା ସମୁଦାୟ ଯିହୁଦା ନିକଟରେ ଘୋଷଣା କଲେ; କାହାକୁ ହିଁ ଛାଡ଼ିଲେ ନାହିଁ; ତହୁଁ ବାଶା ଯେଉଁ ପ୍ରସ୍ତର ଓ କାଷ୍ଠ ନେଇ ରାମା ନଗର ନିର୍ମାଣ କରିଥିଲେ, ତାହାସବୁ ସେମାନେ ବହି ନେଇଗଲେ। ତହିଁରେ ଆସା ରାଜା ବିନ୍ୟାମୀନ୍‍ର ଗେବା ଓ ମିସ୍ପା ନଗର ଦୃଢ଼ କଲେ।
\s5
\v 23 ଏହି ଆସାଙ୍କର ଅବଶିଷ୍ଟ ସମସ୍ତ ବୃତ୍ତାନ୍ତ ଓ ତାଙ୍କର ସମସ୍ତ ପରାକ୍ରମ ଓ ସମସ୍ତ କ୍ରିୟା, ପୁଣି, ଯେ ଯେ ନଗର ସେ ଦୃଢ଼ କରିଥିଲେ, ସେହି ସବୁ କଥା କି ଯିହୁଦାର ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ ? ମାତ୍ର ବୃଦ୍ଧାବସ୍ଥାରେ ତାଙ୍କର ପାଦରେ ରୋଗ ହୋଇଥିଲା।
\v 24 ଏଥିଉତ୍ତାରେ ଆସାଙ୍କ ମୃତ୍ୟୁ ପରେ, ସେ ଆପଣା ପିତା ଦାଉଦ-ନଗରରେ ଆପଣା ପିତୃଲୋକଙ୍କ ସହିତ କବର ପାଇଲେ, ପୁଣି, ତାଙ୍କର ପୁତ୍ର ଯିହୋଶାଫଟ୍‍ ତାହାଙ୍କ ପଦରେ ରାଜ୍ୟ କଲେ।
\s ଇସ୍ରାଏଲର ରାଜା ନାଦବ୍‍
\p
\s5
\v 25 ଯିହୁଦାର ଆସା ରାଜାଙ୍କର ରାଜତ୍ଵର ଦ୍ୱିତୀୟ ବର୍ଷରେ ଯାରବୀୟାମଙ୍କର ପୁତ୍ର ନାଦବ୍‍ ଇସ୍ରାଏଲ ଉପରେ ରାଜତ୍ଵ କରିବାକୁ ଆରମ୍ଭ କଲେ ଓ ସେ ଇସ୍ରାଏଲ ଉପରେ ଦୁଇ ବର୍ଷ ରାଜ୍ୟ କଲେ।
\v 26 ଆଉ ସେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ ଓ ଆପଣା ପିତାଙ୍କର ପଥରେ ଓ ତାଙ୍କର ପିତା ଯଦ୍ଦ୍ୱାରା ଇସ୍ରାଏଲକୁ ପାପ କରାଇଥିଲେ, ସେହି ପାପରେ ଚାଲିଲେ।
\s5
\v 27 ଏଥିଉତ୍ତାରେ ଇଷାଖର-ବଂଶୀୟ ଅହୀୟର ପୁତ୍ର ବାଶା ତାଙ୍କ ବିରୁଦ୍ଧରେ ଚକ୍ରାନ୍ତ କଲେ; ପୁଣି, ବାଶା ପଲେଷ୍ଟୀୟମାନଙ୍କ ଗିବ୍ବଥୋନ ନଗର ନିକଟରେ ତାଙ୍କୁ ବଧ କଲେ; କାରଣ ନାଦବ୍‍ ଓ ସମସ୍ତ ଇସ୍ରାଏଲ ସେସମୟରେ ଗିବ୍ବଥୋନ ଅବରୋଧ କରୁଥିଲେ।
\v 28 ଯିହୁଦାର ଆସା ରାଜାଙ୍କ ରାଜତ୍ଵର ତୃତୀୟ ବର୍ଷରେ ବାଶା ନାଦବ୍‍କୁ ବଧ କରି ତାଙ୍କ ପଦରେ ରାଜ୍ୟ କଲେ।
\s5
\v 29 ପୁଣି, ସେ ରାଜା ହେବା କ୍ଷଣେ ଯାରବୀୟାମଙ୍କର ସମୁଦାୟ ବଂଶକୁ ଉଚ୍ଛିନ୍ନ କଲେ; ସଦାପ୍ରଭୁ ଆପଣା ଦାସ ଶୀଲୋନୀୟ ଅହୀୟ ହସ୍ତରେ ଯେଉଁ କଥା କହିଥିଲେ, ତଦନୁସାରେ ବାଶା ଯାରବୀୟାମଙ୍କର ଏକ ପ୍ରାଣୀକୁ ହିଁ ଅବଶିଷ୍ଟ ରଖିଲେ ନାହିଁ, ସମସ୍ତଙ୍କୁ ସଂହାର କଲେ।
\v 30 କାରଣ ଯାରବୀୟାମ ନିଜେ ପାପ କରି ତଦ୍ଦ୍ୱାରା ଇସ୍ରାଏଲକୁ ପାପ କରାଇଲେ ଓ ବିରକ୍ତିଜନକ କର୍ମ ଦ୍ୱାରା ଇସ୍ରାଏଲର ପରମେଶ୍ୱର ସଦାପ୍ରଭୁଙ୍କୁ ବିରକ୍ତ କଲେ।
\s5
\v 31 ଏହି ନାଦବ୍‍ଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ସକଳ କ୍ରିୟା କି ଇସ୍ରାଏଲ ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ ?
\v 32 ପୁଣି, ଆସା ଓ ଇସ୍ରାଏଲର ରାଜା ବାଶାଙ୍କର ମଧ୍ୟରେ ସେମାନଙ୍କର ଯାବଜ୍ଜୀବନ ଯୁଦ୍ଧ ଚାଲିଲା।
\s ଇସ୍ରାଏଲର ରାଜା ବାଶା
\p
\s5
\v 33 ଯିହୁଦାର ଆସା ରାଜାଙ୍କର ରାଜତ୍ଵର ତୃତୀୟ ବର୍ଷରେ ଅହୀୟର ପୁତ୍ର ବାଶା ତିର୍ସାରେ ସମୁଦାୟ ଇସ୍ରାଏଲ ଉପରେ ରାଜତ୍ଵ କରିବାକୁ ଆରମ୍ଭ କରି ଚବିଶ ବର୍ଷ ରାଜତ୍ଵ କଲେ।
\v 34 ସେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ ଓ ଯାରବୀୟାମଙ୍କର ପଥରେ ଓ ଯଦ୍ଦ୍ୱାରା ଯାରବୀୟାମ ଇସ୍ରାଏଲକୁ ପାପ କରାଇଥିଲେ, ତାଙ୍କର ସେହି ପାପରେ ଚାଲିଲେ।
\s5
\c 16
\p
\v 1 ଏଥିଉତ୍ତାରେ ବାଶାଙ୍କ ବିରୁଦ୍ଧରେ ସଦାପ୍ରଭୁଙ୍କର ବାକ୍ୟ ହନାନିର ପୁତ୍ର ଯେହୂଙ୍କ ନିକଟରେ ଉପସ୍ଥିତ ହେଲା, ଯଥା,
\v 2 ଯେପରି ଆମ୍ଭେ ତୁମ୍ଭକୁ ଧୂଳିରୁ ଉଠାଇ ଆପଣା ଲୋକ ଇସ୍ରାଏଲ ଉପରେ ତୁମ୍ଭକୁ ରାଜା କଲୁ; ମାତ୍ର ତୁମ୍ଭେ ଯାରବୀୟାମର ପଥରେ ଚାଲିଅଛ ଓ ଆପଣା ଲୋକ ଇସ୍ରାଏଲକୁ ପାପ କରାଇଅଛ ଓ ସେମାନଙ୍କ ପାପ ଦ୍ୱାରା ଆମ୍ଭକୁ ବିରକ୍ତ କଲ;
\s5
\v 3 ଦେଖ, ଆମ୍ଭେ ବାଶାକୁ ଓ ତାହାର ଗୃହକୁ ନିଃଶେଷ ରୂପେ ବିନାଶ କରିବା ଓ ଆମ୍ଭେ ତୁମ୍ଭ ଗୃହକୁ ନବାଟର ପୁତ୍ର ଯାରବୀୟାମର ଗୃହ ତୁଲ୍ୟ କରିବା।
\v 4 ବାଶାର କେହି ନଗରରେ ମଲେ, କୁକ୍କୁରମାନେ ତାହାକୁ ଖାଇବେ ଓ ତାହାର କେହି କ୍ଷେତ୍ରରେ ମଲେ, ଆକାଶର ପକ୍ଷୀମାନେ ତାହାକୁ ଖାଇବେ।
\s5
\v 5 ବାଶାଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ତାଙ୍କର କ୍ରିୟା ଓ ପରାକ୍ରମ ବିଷୟ କି ଇସ୍ରାଏଲ ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ ?
\v 6 ଏଥିଉତ୍ତାରେ ବାଶାଙ୍କ ମୃତ୍ୟୁ ପରେ, ସେ ତିର୍ସାରେ କବର ପାଇଲେ ଓ ତାହାଙ୍କ ପୁତ୍ର ଏଲା ତାହାଙ୍କ ପଦରେ ରାଜ୍ୟ କଲେ।
\s5
\v 7 ତଥାପି ବାଶା ଓ ତାଙ୍କର ବଂଶ ବିରୁଦ୍ଧରେ ହନାନିର ପୁତ୍ର ଯେହୂ ଭବିଷ୍ୟଦ୍‍ବକ୍ତାଙ୍କ ଦ୍ୱାରା ସଦାପ୍ରଭୁଙ୍କ ବାକ୍ୟ ଉପସ୍ଥିତ ହେଲା, ଯେହେତୁ ସେ ଆପଣା ହସ୍ତକୃତ କର୍ମ ଦ୍ୱାରା ସଦାପ୍ରଭୁଙ୍କୁ ବିରକ୍ତ କରିବା ପାଇଁ ତାହାଙ୍କ ଦୃଷ୍ଟିରେ ସବୁ କୁକର୍ମ କରି ଯାରବୀୟାମଙ୍କର ବଂଶ ତୁଲ୍ୟ ହୋଇଥିଲେ ଓ ତାହାକୁ ଉଚ୍ଛିନ୍ନ କରିଥିଲେ।
\s ଇସ୍ରାଏଲର ରାଜା ଏଲା
\p
\s5
\v 8 ଯିହୁଦାର ଆସା ରାଜାଙ୍କ ରାଜତ୍ଵର ଛବିଶ ବର୍ଷରେ ବାଶାଙ୍କର ପୁତ୍ର ଏଲା ତିର୍ସାରେ ଇସ୍ରାଏଲ-ବଂଶ ଉପରେ ରାଜତ୍ଵ କରିବାକୁ ଆରମ୍ଭ କରି ଦୁଇ ବର୍ଷ ରାଜ୍ୟ କଲେ।
\v 9 ତହିଁ ଉତ୍ତାରେ ତାଙ୍କର ରଥସମୂହର ଅର୍ଦ୍ଧେକର ଅଧିପତି ସିମ୍ରି ନାମକ ତାଙ୍କର ଦାସ ତାଙ୍କ ବିରୁଦ୍ଧରେ ଚକ୍ରାନ୍ତ କଲେ; ଏଲା ତିର୍ସାରେ ଥାଇ ତିର୍ସାସ୍ଥିତ ଆପଣା ଗୃହର ଅଧ୍ୟକ୍ଷ ଅର୍ସାର ଗୃହରେ ପାନ କରି ମତ୍ତ ହେଉଥିଲେ;
\v 10 ଏପରି ସମୟରେ ସିମ୍ରି ଭିତରକୁ ଯାଇ ଯିହୁଦା ରାଜା ଆସାଙ୍କ ରାଜତ୍ଵର ସତାଇଶ ବର୍ଷରେ ତାଙ୍କୁ ଆଘାତ କରି ବଧ କଲେ ଓ ତାଙ୍କର ପଦରେ ରାଜ୍ୟ କଲେ।
\s5
\v 11 ପୁଣି, ସେ ରାଜ୍ୟ କରିବାକୁ ଆରମ୍ଭ କରି ଆପଣା ସିଂହାସନରେ ବସିବା ମାତ୍ର ସେ ବାଶାଙ୍କର ସମୁଦାୟ ବଂଶକୁ ସଂହାର କଲେ; ସେ ତାଙ୍କର କି ତାଙ୍କ ଜ୍ଞାତିମାନଙ୍କର କି ତାଙ୍କ ମିତ୍ରମାନଙ୍କର କାହାରି ଗୋଟିଏ ପୁଂସନ୍ତାନ ଅବଶିଷ୍ଟ ରଖିଲେ ନାହିଁ।
\v 12 ଏହି ପ୍ରକାରେ ସଦାପ୍ରଭୁ ଯେହୂ ଭବିଷ୍ୟଦ୍‍ବକ୍ତାଙ୍କ ଦ୍ୱାରା ବାଶାଙ୍କ ବିରୁଦ୍ଧରେ ଯେଉଁ କଥା କହିଥିଲେ, ତଦନୁସାରେ ସିମ୍ରି ବାଶାଙ୍କର ସମଗ୍ର ବଂଶ ଉଚ୍ଛିନ୍ନ କଲେ;
\v 13 ବାଶା ଓ ତାଙ୍କର ପୁତ୍ର ଏଲା ଆପଣାମାନଙ୍କ ଅସାରତା ଦ୍ୱାରା ଇସ୍ରାଏଲର ପରମେଶ୍ୱର ସଦାପ୍ରଭୁଙ୍କୁ ବିରକ୍ତ କରିବା ପାଇଁ ଯେଉଁ ପାପ କଲେ ଓ ଇସ୍ରାଏଲକୁ ପାପ କରାଇଲେ, ବାଶାଙ୍କର ସେହି ସମସ୍ତ ପାପ ଓ ତାଙ୍କର ପୁତ୍ର ଏଲାଙ୍କର ପାପ ଏଥିର କାରଣ।
\s5
\v 14 ଏଲାଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ତାଙ୍କର ସମସ୍ତ କ୍ରିୟା କି ଇସ୍ରାଏଲ-ରାଜାମାନଙ୍କର ଇତିହାସ ପୁସ୍ତକରେ ଲେଖା ନାହିଁ ?
\s ଇସ୍ରାଏଲର ରାଜା ସିମ୍ରି
\p
\s5
\v 15 ଯିହୁଦା-ରାଜା ଆସାଙ୍କ ରାଜତ୍ଵର ସତାଇଶ ବର୍ଷରେ ସିମ୍ରି ତିର୍ସାରେ ସାତ ଦିନ ରାଜତ୍ଵ କଲେ। ସେହି ସମୟରେ ଲୋକମାନେ ପଲେଷ୍ଟୀୟମାନଙ୍କ ଗିବ୍ବଥୋନ ବିରୁଦ୍ଧରେ ଛାଉଣି ସ୍ଥାପନ କରିଥିଲେ।
\v 16 ଏଥିମଧ୍ୟରେ ଛାଉଣି ସ୍ଥାପନ କରିଥିବା ଲୋକମାନେ ଶୁଣିଲେ ଯେ, ସିମ୍ରି ଚକ୍ରାନ୍ତ କରିଅଛନ୍ତି, ମଧ୍ୟ ରାଜାଙ୍କୁ ବଧ କରିଅଛନ୍ତି; ଏହେତୁ ସମସ୍ତ ଇସ୍ରାଏଲ ସେହିଦିନ ଛାଉଣି ମଧ୍ୟରେ ଅମ୍ରି ନାମକ ସେନାପତିଙ୍କୁ ଇସ୍ରାଏଲ ଉପରେ ରାଜା କଲେ।
\v 17 ତହୁଁ ଅମ୍ରି ଓ ତାଙ୍କ ସହିତ ସମଗ୍ର ଇସ୍ରାଏଲ ଗିବ୍ବଥୋନରୁ ଯାତ୍ରା କରି ତିର୍ସା ଅବରୋଧ କଲେ।
\s5
\v 18 ତହିଁରେ ସିମ୍ରି ନଗର ହସ୍ତଗତ ହେବାର ଦେଖି ରାଜଗୃହର ଦୁର୍ଗକୁ ଯାଇ ଆପଣା ଉପରେ ରାଜଗୃହରେ ଅଗ୍ନି ଲଗାଇ ତାହା ଦଗ୍ଧ କଲେ;
\v 19 ପୁଣି, ସେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କରିବାରେ, ଯାରବୀୟାମଙ୍କର ପଥରେ ଚାଲିବାରେ ଓ ଇସ୍ରାଏଲକୁ ପାପ କରାଇବାରେ ଆପେ ଯେଉଁ ପାପ କଲେ, ତାଙ୍କ କୃତ ସେହି ପାପ ସକାଶୁ ମଲେ।
\v 20 ସିମ୍ରିଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ତାଙ୍କ କୃତ ରାଜଦ୍ରୋହ ବିଷୟ କି ଇସ୍ରାଏଲ ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ ?
\s ଇସ୍ରାଏଲର ରାଜା ଅମ୍ରି
\p
\s5
\v 21 ସେସମୟରେ ଇସ୍ରାଏଲ ଲୋକମାନେ ଦୁଇ ଭାଗରେ ବିଭକ୍ତ ହେଲେ; ଅର୍ଦ୍ଧେକ ଲୋକ ଗୀନତର ପୁତ୍ର ତିବ୍‍ନିକୁ ରାଜା କରିବା ପାଇଁ ତାହାର ଅନୁଗାମୀ ହେଲେ ଓ ଅର୍ଦ୍ଧେକ ଅମ୍ରିଙ୍କର ଅନୁଗାମୀ ହେଲେ।
\v 22 ମାତ୍ର ଅମ୍ରିଙ୍କର ଅନୁଗାମୀ ଲୋକମାନେ ଗୀନତର ପୁତ୍ର ତିବ୍‍ନିର ଅନୁଗାମୀ ଲୋକମାନଙ୍କୁ ପରାସ୍ତ କଲେ; ତିବ୍‍ନି ମଲା ଓ ଅମ୍ରି ରାଜ୍ୟ କଲେ।
\s5
\v 23 ଯିହୁଦାର ରାଜା ଆସାଙ୍କ ରାଜତ୍ଵର ଏକତିରିଶ ବର୍ଷରେ ଅମ୍ରି ଇସ୍ରାଏଲ ଉପରେ ରାଜତ୍ଵ କରିବାକୁ ଆରମ୍ଭ କରି ବାର ବର୍ଷ ରାଜ୍ୟ କଲେ; ତିର୍ସାରେ ସେ ଛଅ ବର୍ଷ ରାଜ୍ୟ କଲେ।
\v 24 ପୁଣି, ସେ ଦୁଇ ତାଳନ୍ତ
\f +
\fr 16:24
\ft ପ୍ରାୟ ୬୬ କିଲୋ ରୂପା
\f* ରୂପାରେ ଶେମରଠାରୁ ଶମିରୋଣ୍‍ ପର୍ବତ କ୍ରୟ କଲେ ଓ ସେହି ପର୍ବତ ଉପରେ ଏକ ନଗର ନିର୍ମାଣ କରି ସେହି ପର୍ବତର ଅଧିକାରୀ ଶେମରର ନାମାନୁସାରେ ଆପଣା ନିର୍ମିତ ନଗରର ନାମ ଶମରୀୟା ରଖିଲେ।
\s5
\v 25 ଆଉ ଅମ୍ରି ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ ଓ ତାଙ୍କର ପୂର୍ବବର୍ତ୍ତୀ ସମସ୍ତଙ୍କ ଅପେକ୍ଷା ଅଧିକ ଦୁଷ୍ଟାଚରଣ କଲେ।
\v 26 କାରଣ ସେ ନବାଟର ପୁତ୍ର ଯାରବୀୟାମଙ୍କର ସକଳ ପଥରେ ଓ ଇସ୍ରାଏଲର ପରମେଶ୍ୱର ସଦାପ୍ରଭୁଙ୍କୁ ଆପଣାମାନଙ୍କ ଅସାରତା ଦ୍ୱାରା ବିରକ୍ତ କରିବା ପାଇଁ ଯଦ୍ଦ୍ୱାରା ସେ ଇସ୍ରାଏଲକୁ ପାପ କରାଇଥିଲେ, ତାଙ୍କର ସେହି ପାପ-ପଥରେ ଅମ୍ରି ଚାଲିଲେ।
\s5
\v 27 ଅମ୍ରିଙ୍କର ଅବଶିଷ୍ଟ କ୍ରିୟାର ବୃତ୍ତାନ୍ତ ଓ ତାଙ୍କ ପ୍ରକାଶିତ ପରାକ୍ରମସବୁ କି ଇସ୍ରାଏଲ ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ ?
\v 28 ଅମ୍ରିଙ୍କ ମୃତ୍ୟୁ ପରେ, ସେ ଶମରୀୟାରେ କବରପ୍ରାପ୍ତ ହେଲେ; ପୁଣି, ତାଙ୍କର ପୁତ୍ର ଆହାବ ତାହାଙ୍କ ପଦରେ ରାଜ୍ୟ କଲେ।
\s ଇସ୍ରାଏଲର ରାଜା ଆହାବ
\p
\s5
\v 29 ଯିହୁଦାର ରାଜା ଆସାଙ୍କ ରାଜତ୍ଵର ଅଠତିରିଶ ବର୍ଷରେ ଅମ୍ରିଙ୍କର ପୁତ୍ର ଆହାବ ଇସ୍ରାଏଲ ଉପରେ ରାଜତ୍ଵ କରିବାକୁ ଆରମ୍ଭ କଲେ ଓ ଅମ୍ରିଙ୍କ ପୁତ୍ର ଆହାବ ଶମରୀୟାରେ ଇସ୍ରାଏଲ ଉପରେ ବାଇଶ ବର୍ଷ ରାଜ୍ୟ କଲେ।
\v 30 ପୁଣି, ଅମ୍ରିଙ୍କ ପୁତ୍ର ଆହାବ ଆପଣା ପୂର୍ବବର୍ତ୍ତୀ ସମସ୍ତଙ୍କ ଅପେକ୍ଷା ସଦାପ୍ରଭୁଙ୍କ ଦୃଷ୍ଟିରେ ଅଧିକ କୁକର୍ମ କଲେ।
\s5
\v 31 ପୁଣି, ନବାଟର ପୁତ୍ର ଯାରବୀୟାମଙ୍କ ପାପ-ପଥରେ ଚାଲିବାର ତାଙ୍କ ପ୍ରତି ତୁଚ୍ଛ ବିଷୟ ହେଲା ପରି ସେ ସୀଦୋନୀୟମାନଙ୍କ ଇତ୍‍ବାଲ ରାଜାର କନ୍ୟା ଈଷେବଲ୍‍କୁ ବିବାହ କଲେ ଓ ଯାଇ ବାଲ୍‍ର ସେବା କରି ତାହାକୁ ପ୍ରଣାମ କଲେ।
\v 32 ଆଉ ସେ ଶମରୀୟାସ୍ଥିତ ଆପଣା ନିର୍ମିତ ବାଲ୍‍ର ଗୃହରେ ବାଲ୍‍ ପାଇଁ ଏକ ଯଜ୍ଞବେଦି ନିର୍ମାଣ କଲେ।
\v 33 ଆଉ ଆହାବ ଆଶେରା ମୂର୍ତ୍ତି ନିର୍ମାଣ କଲେ ଓ ଆହାବ ଆପଣା ପୂର୍ବବର୍ତ୍ତୀ ସମସ୍ତ ଇସ୍ରାଏଲ ରାଜାଙ୍କ ଅପେକ୍ଷା ଇସ୍ରାଏଲର ପରମେଶ୍ୱର ସଦାପ୍ରଭୁଙ୍କର ଆହୁରି ଅଧିକ ବିରକ୍ତିଜନକ କର୍ମ କଲେ।
\s5
\v 34 ତାଙ୍କର ସମୟରେ ବେଥେଲୀୟ ହୀୟେଲ ଯିରୀହୋ ନଗର ପୁନର୍ବାର ନିର୍ମାଣ କଲେ; ସଦାପ୍ରଭୁ ନୂନର ପୁତ୍ର ଯିହୋଶୂୟଙ୍କ ଦେଇ ଯାହା କହିଥିଲେ; ସେହି ବାକ୍ୟାନୁସାରେ ସେ ଆପଣା ଜ୍ୟେଷ୍ଠ ପୁତ୍ର ଅବୀରାମ୍‍ର ମୃତ୍ୟୁୁ ସହିତ ନଗରର ଭିତ୍ତିମୂଳ ସ୍ଥାପନ କଲେ ଓ ଆପଣା କନିଷ୍ଠ ପୁତ୍ର ସଗୂବର ମୃତ୍ୟୁୁ ସହିତ ତହିଁର ଦ୍ୱାରମାନ ସ୍ଥାପନ କଲେ।
\s5
\c 17
\s ଏଲୀୟ ଓ ଅନାବୃଷ୍ଟି
\p
\v 1 ଏଥିଉତ୍ତାରେ ଗିଲୀୟଦର ପ୍ରବାସୀ ତିଶ୍‍ବୀୟ ଏଲୀୟ ଆହାବଙ୍କୁ କହିଲେ, “ମୁଁ ଯାହାଙ୍କ ସାକ୍ଷାତରେ ଛିଡ଼ା ହେଉଅଛି, ସେହି ଇସ୍ରାଏଲର ପରମେଶ୍ୱର ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ଏହି କେତେକ ବର୍ଷ କାକର କି ବୃଷ୍ଟି ପଡ଼ିବ ନାହିଁ, କେବଳ ମୋ’ ବାକ୍ୟାନୁସାରେ ହେବ।”
\s5
\v 2 ଏଉତ୍ତାରେ ତାଙ୍କ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା,
\v 3 ଯଥା, ତୁମ୍ଭେ ଏଠାରୁ ଯାଇ ପୂର୍ବଦିଗକୁ ଫେରି ଯର୍ଦ୍ଦନ ସମ୍ମୁଖସ୍ଥ କରୀତ୍‍ ନଦୀ ନିକଟରେ ଆପଣାକୁ ଲୁଚାଅ।
\v 4 ସେସ୍ଥାନରେ ତୁମ୍ଭେ ନଦୀରୁ ପାନ କରିବ ଓ ତୁମ୍ଭକୁ ଖାଦ୍ୟ ଯୋଗାଇବା ପାଇଁ ଆମ୍ଭେ କାକମାନଙ୍କୁ ଆଜ୍ଞା ଦେଇଅଛୁ।
\s5
\v 5 ତହିଁରେ ସେ ଯାଇ ସଦାପ୍ରଭୁଙ୍କ ବାକ୍ୟାନୁସାରେ କର୍ମ କଲେ; ସେ ଯର୍ଦ୍ଦନ-ସମ୍ମୁଖସ୍ଥ କରୀତ୍‍ ନଦୀ ନିକଟକୁ ଯାଇ ବାସ କଲେ।
\v 6 ପୁଣି, କାକମାନେ ପ୍ରାତଃକାଳରେ ରୁଟି ଓ ମାଂସ, ପୁଣି, ସନ୍ଧ୍ୟା ବେଳେ ରୁଟି ଓ ମାଂସ ତାଙ୍କ ପାଇଁ ଆଣିଲେ; ଆଉ ସେ ନଦୀରୁ ପାନ କଲେ।
\v 7 ପୁଣି, ଦେଶରେ ବୃଷ୍ଟି ନୋହିବାରୁ କିଛି କାଳ ଉତ୍ତାରେ ନଦୀ ଶୁଷ୍କ ହୋଇଗଲା।
\s ଏଲୀୟ ଓ ସାରିଫତ୍‍ର ବିଧବା ସ୍ତ୍ରୀ
\p
\s5
\v 8 ଏଥିଉତ୍ତାରେ ତାଙ୍କ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା,
\v 9 ଯଥା, ଉଠ, ସୀଦୋନର ସାରିଫତ୍‍କୁ ଯାଇ ସେଠାରେ ବାସ କର। ଦେଖ, ଆମ୍ଭେ ସେଠାସ୍ଥିତ ଏକ ବିଧବା ସ୍ତ୍ରୀକୁ ତୁମ୍ଭକୁ ପ୍ରତିପୋଷଣ କରିବା ପାଇଁ ଆଜ୍ଞା ଦେଇଅଛୁ।
\v 10 ତହିଁରେ ସେ ଉଠି ସାରିଫତ୍‍କୁ ଗଲେ ଓ ସେ ନଗର ଦ୍ୱାର ନିକଟରେ ଉପସ୍ଥିତ ହୁଅନ୍ତେ, ଦେଖ, ଏକ ବିଧବା ସ୍ତ୍ରୀ ସେଠାରେ କାଠ ସାଉଣ୍ଟୁଅଛି; ତହୁଁ ସେ ତାହାକୁ ଡାକି କହିଲେ, “ବିନୟ କରୁଅଛି, ଗୋଟିଏ ପାତ୍ରରେ କିଛି ଜଳ ଆଣ, ମୁଁ ପାନ କରିବି।”
\s5
\v 11 ଏଣୁ ସେ ସ୍ତ୍ରୀ ତାହା ଆଣିବା ପାଇଁ ଯିବା ବେଳେ ସେ ତାହାକୁ ପୁନର୍ବାର ଡାକି କହିଲେ, “ବିନୟ କରୁଅଛି, ମୋ’ ପାଇଁ ଖଣ୍ଡେ ରୁଟି ହାତରେ ଆଣ।”
\v 12 ତହୁଁ ସେ କହିଲା, “ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଜୀବିତ ଥିବା ପ୍ରମାଣେ ମୋ’ଠାରେ ଗୋଟିଏ ପିଠା ନାହିଁ, କେବଳ କଳସରେ ମୁଠିଏ ମଇଦା ଓ ପାତ୍ରରେ ଅଳ୍ପ ତେଲ ଅଛି; ଆଉ ଦେଖ, ମୁଁ ଦୁଇ ଖଣ୍ଡ କାଠ ସାଉଣ୍ଟୁଅଛି, ଯେପରି ତାହା ନେଇଯାଇ ମୋ’ ପାଇଁ ଓ ମୋ’ ପୁତ୍ର ପାଇଁ ପାକ କରି ଖାଇବୁ, ତହିଁ ଉତ୍ତାରେ ମରିବୁ।”
\v 13 ଏଥିରେ ଏଲୀୟ ତାହାକୁ କହିଲେ, “ଭୟ କର ନାହିଁ; ଯାହା କହିଲ, ତାହା ଯାଇ କର; ମାତ୍ର ତହିଁରୁ ପ୍ରଥମେ ମୋ’ ପାଇଁ ଗୋଟିଏ ସାନ ପିଠା କରି ମୋ’ ନିକଟକୁ ଆଣ, ତହିଁ ଉତ୍ତାରେ ତୁମ୍ଭ ପାଇଁ ଓ ତୁମ୍ଭ ପୁତ୍ର ପାଇଁ କର।
\s5
\v 14 କାରଣ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ଯେପର୍ଯ୍ୟନ୍ତ ସଦାପ୍ରଭୁ ଭୂମିରେ ବୃଷ୍ଟି ନ ବର୍ଷାନ୍ତି, ସେଦିନ ପର୍ଯ୍ୟନ୍ତ ମଇଦା-କଳସ ଶୂନ୍ୟ ହେବ ନାହିଁ, କିଅବା ପାତ୍ରରେ ତୈଳର ଅଭାବ ହେବ ନାହିଁ।”
\v 15 ତହିଁରେ ସେ ଯାଇ ଏଲୀୟଙ୍କ ବାକ୍ୟାନୁସାରେ କଲା; ପୁଣି, ସେ ଓ ଏଲୀୟ ଓ ସେହି ସ୍ତ୍ରୀର ପରିଜନ ଅନେକ ଦିନଯାଏ ଭୋଜନ କଲେ।
\v 16 ଏଲୀୟଙ୍କ ଦ୍ୱାରା ସଦାପ୍ରଭୁଙ୍କ କଥିତ ବାକ୍ୟାନୁସାରେ ମଇଦା-କଳସ ଶୂନ୍ୟ ହେଲା ନାହିଁ, କିଅବା ପାତ୍ରରେ ତୈଳର ଅଭାବ ହେଲା ନାହିଁ।
\s5
\v 17 ଏହିସବୁ ଘଟଣା ଉତ୍ତାରେ ଗୃହର କର୍ତ୍ତ୍ରୀ ସେହି ସ୍ତ୍ରୀର ପୁତ୍ର ପୀଡ଼ିତ ହେଲା; ପୁଣି, ତାହାର ପୀଡ଼ା ଏପରି ପ୍ରବଳ ହେଲା ଯେ, ତାହାଠାରେ ଶ୍ୱାସବାୟୁ ରହିଲା ନାହିଁ।
\v 18 ତହିଁରେ ସେ ସ୍ତ୍ରୀ ଏଲୀୟଙ୍କୁ କହିଲା, “ହେ ପରମେଶ୍ୱରଙ୍କ ଲୋକ, ତୁମ୍ଭ ସଙ୍ଗେ ମୋହର କଅଣ ଅଛି ? ତୁମ୍ଭେ ମୋହର ପାପ ସ୍ମରଣ କରାଇବାକୁ ଓ ମୋ’ ପୁତ୍ରକୁ ବଧ କରିବାକୁ ଆସିଅଛ !”
\s5
\v 19 ତହୁଁ ଏଲୀୟ ତାହାକୁ କହିଲେ, “ମୋତେ ତୁମ୍ଭ ପୁତ୍ରକୁ ଦିଅ। ତହିଁରେ ସେ ତାହା କୋଳରୁ ବାଳକକୁ ନେଇ ଆପଣା ରହିବା ଉପର କୋଠରିକୁ ଘେନି ଯାଇ ଆପଣା ଶଯ୍ୟାରେ ତାହାକୁ ଶୁଆଇଲେ।”
\v 20 ପୁଣି, ସେ ସଦାପ୍ରଭୁଙ୍କୁ ଡାକି କହିଲେ, “ହେ ସଦାପ୍ରଭୁ, ମୋ’ ପରମେଶ୍ୱର, ମୁଁ ଯେଉଁ ବିଧବାର ଗୃହରେ ପ୍ରବାସ କରୁଅଛି, ତୁମ୍ଭେ ତାହାର ପୁତ୍ରକୁ ବଧ କରି ତାହା ପ୍ରତି ହିଁ କ’ଣ ଅମଙ୍ଗଳ ଘଟାଇଲ ?”
\v 21 ତହୁଁ ବାଳକ ଉପରେ ସେ ତିନି ଥର ଆପଣାକୁ ଲମ୍ବାଇଲେ, ଆଉ ସେ ସଦାପ୍ରଭୁଙ୍କୁ ଡାକି କହିଲେ, “ହେ ସଦାପ୍ରଭୁ, ମୋ’ ପରମେଶ୍ୱର, ମୁଁ ବିନୟ କରୁଅଛି, ଏହି ବାଳକର ପ୍ରାଣ ତାହା ମଧ୍ୟକୁ ଫେରି ଆସୁ।”
\s5
\v 22 ଏଥିରେ ସଦାପ୍ରଭୁ ଏଲୀୟଙ୍କର ରବରେ କର୍ଣ୍ଣପାତ କଲେ; ପୁଣି, ବାଳକର ପ୍ରାଣ ପୁନର୍ବାର ତାହା ମଧ୍ୟକୁ ଆସନ୍ତେ, ସେ ପୁନର୍ଜୀବିତ ହେଲା।
\v 23 ତହୁଁ ଏଲୀୟ ବାଳକକୁ ନେଇ କୋଠରିରୁ ଓହ୍ଲାଇ ଗୃହକୁ ଆଣି ତାହାର ମାତାର ହସ୍ତରେ ତାହାକୁ ସମର୍ପଣ କଲେ; ପୁଣି, ଏଲୀୟ କହିଲେ, “ଏହି ଦେଖ, ତୁମ୍ଭର ପୁତ୍ର ଜୀବିତ ହେଲା।”
\v 24 ଏଥିରେ ସେ ସ୍ତ୍ରୀ ଏଲୀୟଙ୍କୁ କହିଲା, “ତୁମ୍ଭେ ଯେ ପରମେଶ୍ୱରଙ୍କ ଲୋକ ଓ ତୁମ୍ଭ ମୁଖରେ ସଦାପ୍ରଭୁଙ୍କ ବାକ୍ୟ ଯେ ସତ୍ୟ, ଏହା ଏବେ ମୁଁ ଜାଣିଲି।”
\s5
\c 18
\s ଏଲୀୟ ଆହାବର ସମ୍ମୁଖୀନ
\p
\v 1 ଅନେକ ଦିନ ଉତ୍ତାରେ ତୃତୀୟ ବର୍ଷରେ ଏଲୀୟଙ୍କ ନିକଟରେ ସଦାପ୍ରଭୁଙ୍କ ବାକ୍ୟ ଉପସ୍ଥିତ ହେଲା, ଯଥା, ତୁମ୍ଭେ ଯାଇ ଆହାବକୁ ଦେଖା ଦିଅ; ତହୁଁ ଆମ୍ଭେ ଭୂମିକୁ ବୃଷ୍ଟି ପଠାଇବା।
\v 2 ଏଥିରେ ଏଲୀୟ ଆହାବଙ୍କୁ ଦେଖା ଦେବା ପାଇଁ ଗମନ କଲେ। ସେହି ସମୟରେ ଶମରୀୟାରେ ପ୍ରବଳ ଦୁର୍ଭିକ୍ଷ ହୋଇଥିଲା।
\s5
\v 3 ଏଣୁ ଆହାବ ରାଜଗୃହର ଅଧ୍ୟକ୍ଷ ଓବଦୀୟକୁ ଡକାଇଲେ। (ସେହି ଓବଦୀୟ ସଦାପ୍ରଭୁଙ୍କୁ ଅତିଶୟ ଭୟ କରିଥିଲା।
\v 4 ପୁଣି, ଯେଉଁ ସମୟରେ ଈଷେବଲ୍‍ ସଦାପ୍ରଭୁଙ୍କ ଭବିଷ୍ୟଦ୍‍ବକ୍ତାମାନଙ୍କୁ ଉଚ୍ଛିନ୍ନ କରୁଥିଲା, ସେସମୟରେ ଓବଦୀୟ ଏକଶତ ଭବିଷ୍ୟଦ୍‍ବକ୍ତାଙ୍କୁ ନେଇ ପଚାଶ ପଚାଶ ଜଣ କରି ଗହ୍ୱର ମଧ୍ୟରେ ଲୁଚାଇ ରଖି ଅନ୍ନ ଓ ଜଳ ଦେଇ ସେମାନଙ୍କୁ ପ୍ରତିପାଳନ କରିଥିଲା )।
\s5
\v 5 ପୁଣି, ଆହାବ ଓବଦୀୟକୁ କହିଲେ, “ଦେଶ ମଧ୍ୟ ଦେଇ ସବୁ ଜଳ ନିର୍ଝର ଓ ସବୁ ନଦୀ ନିକଟକୁ ଯାଅ; ହୋଇପାରେ, ଆମ୍ଭେମାନେ ଅଶ୍ୱ ଓ ଖଚରମାନଙ୍କୁ ବଞ୍ଚାଇ ରଖିବା ପାଇଁ ତୃଣ ପାଇ ପାରିବା, ତାହାହେଲେ ପଶୁମାନଙ୍କୁ ହରାଇବା ନାହିଁ।”
\v 6 ତହୁଁ ସେମାନେ ସବୁଆଡ଼େ ଯିବା ପାଇଁ ଆପଣାମାନଙ୍କ ମଧ୍ୟରେ ଦେଶ ବିଭାଗ କଲେ; ଆହାବ ଆପେ ଏକଆଡ଼େ ଗଲେ ଓ ଓବଦୀୟ ଆପେ ଅନ୍ୟ ଆଡ଼େ ଗଲା।
\s5
\v 7 ଓବଦୀୟ ପଥରେ ଯାଉ ଯାଉ ଦେଖ, ଏଲୀୟ ତାହାକୁ ଭେଟିଲେ; ତହୁଁ ଓବଦୀୟ ତାଙ୍କୁ ଚିହ୍ନି ମୁହଁ ମାଡ଼ି ପଡ଼ି କହିଲା, “ଆପଣ କ’ଣ ମୋ’ ପ୍ରଭୁ ଏଲୀୟ ?”
\v 8 ତହିଁରେ ସେ ଉତ୍ତର କଲେ; “ହଁ, ମୁଁ; ଯାଅ, ତୁମ୍ଭ ପ୍ରଭୁକୁ କୁହ, ଦେଖ, ଏଲୀୟ ଏଠାରେ ଅଛନ୍ତି।”
\s5
\v 9 ତହୁଁ ସେ କହିଲା, “ମୁଁ କିପରି ପାପ କରିଅଛି ଯେ, ଆପଣ ଆପଣା ଦାସଙ୍କୁ ବଧ କରିବା ପାଇଁ ଆହାବଙ୍କ ହସ୍ତରେ ସମର୍ପଣ କରୁଅଛନ୍ତି ?”
\v 10 ସଦାପ୍ରଭୁ ଆପଣଙ୍କ ପରମେଶ୍ୱର ଜୀବିତ ଥିବା ପ୍ରମାଣେ କହୁଅଛି, ମୋ’ ପ୍ରଭୁ ଆପଣଙ୍କୁ ଅନ୍ୱେଷଣ କରିବା ପାଇଁ ଯାହା ନିକଟକୁ ଲୋକ ପଠାଇ ନାହାନ୍ତି, ଏପରି କୌଣସି ଗୋଷ୍ଠୀ କିମ୍ବା ରାଜ୍ୟ ନାହିଁ। ପୁଣି, ସେ ଏଠାରେ ନାହିଁ ବୋଲି ସେମାନେ କହିଲେ, “ସେ ସେହି ରାଜ୍ୟ ଓ ଗୋଷ୍ଠୀକି ଆପଣଙ୍କୁ ଦେଖି ନ ଥିବା ବିଷୟରେ ଶପଥ କରାଇଲେ।”
\v 11 ଏବେ ଆପଣ କହୁଅଛନ୍ତି, ଯାଅ, ତୁମ୍ଭ ପ୍ରଭୁଙ୍କୁ କୁହ, ଦେଖ, ଏଲୀୟ ଏଠାରେ ଅଛନ୍ତି।
\s5
\v 12 ମାତ୍ର ମୁଁ ଆପଣଙ୍କ ନିକଟରୁ ଗଲାକ୍ଷଣେ ଯେବେ ସଦାପ୍ରଭୁଙ୍କ ଆତ୍ମା ମୋହର ଅଜ୍ଞାତ କୌଣସି ସ୍ଥାନକୁ ଆପଣଙ୍କୁ ନେଇଯିବେ, ତେବେ ମୁଁ ଯାଇ ଆହାବଙ୍କୁ ସମ୍ବାଦ ଦେଲେ, ସେ ଆପଣଙ୍କୁ ପାଇ ନ ପାରି ମୋତେ ବଧ କରିବେ; ମାତ୍ର ଆପଣଙ୍କ ଦାସ ମୁଁ ବାଲ୍ୟକାଳାବଧି ସଦାପ୍ରଭୁଙ୍କୁ ଭୟ କରୁଅଛି।
\v 13 ଈଷେବଲ୍‍ ଯେତେବେଳେ ସଦାପ୍ରଭୁଙ୍କ ଭବିଷ୍ୟଦ୍‍ବକ୍ତାମାନଙ୍କୁ ବଧ କରୁଥିଲା, ସେତେବେଳେ ମୁଁ ଯାହା କରିଥିଲି ଓ କିପରି ସଦାପ୍ରଭୁଙ୍କର ଏକ ଶତ ଭବିଷ୍ୟଦ୍‍ବକ୍ତାଙ୍କୁ ପଚାଶ ପଚାଶ ଜଣ କରି ଗହ୍ୱରରେ ଲୁଚାଇ ରଖି ଅନ୍ନ ଓ ଜଳ ଦେଇ ସେମାନଙ୍କୁ ପ୍ରତିପାଳନ କରିଥିଲି, ଏହା କ’ଣ ଆମ୍ଭ ପ୍ରଭୁଙ୍କୁ ଜ୍ଞାତ କରାଯାଇ ନାହିଁ ?
\s5
\v 14 ତଥାପି ଆପଣ ଏବେ କହୁଅଛନ୍ତି, ଯାଅ, ତୁମ୍ଭ ପ୍ରଭୁଙ୍କୁ କୁହ, ଦେଖ, ଏଲୀୟ ଏଠାରେ ଅଛନ୍ତି; ତହିଁରେ ସେ ମୋତେ ବଧ କରିବେ।
\v 15 ତହୁଁ ଏଲୀୟ କହିଲେ, “ମୁଁ ଯାହାଙ୍କ ସମ୍ମୁଖରେ ଛିଡ଼ା ହେଉଅଛି, ସେହି ସୈନ୍ୟାଧିପତି ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ମୁଁ ନିଶ୍ଚୟ ଆଜି ତାହାକୁ ଦେଖା ଦେବି।”
\s5
\v 16 ଏଥିରେ ଓବଦୀୟ ଆହାବଙ୍କ ସହିତ ସାକ୍ଷାତ କରିବାକୁ ଯାଇ ତାଙ୍କୁ ସମ୍ବାଦ ଦେଲା; ତହିଁରେ ଆହାବ ଏଲୀୟ ସହିତ ସାକ୍ଷାତ କରିବାକୁ ଗଲେ।
\v 17 ପୁଣି, ଆହାବ ଏଲୀୟଙ୍କୁ ଦେଖିବାମାତ୍ର ଆହାବ ତାଙ୍କୁ କହିଲେ, “ହେ ଇସ୍ରାଏଲର ଦୁଃଖଦାୟକ, ଏ କ’ଣ ତୁମ୍ଭେ ?”
\s5
\v 18 ତହୁଁ ସେ ଉତ୍ତର କଲେ, “ମୁଁ ଇସ୍ରାଏଲକୁ ଦୁଃଖ ଦେଇ ନାହିଁ, ମାତ୍ର ତୁମ୍ଭେ ଓ ତୁମ୍ଭ ପିତୃବଂଶ ଦେଇଅଛ, କାରଣ ତୁମ୍ଭେମାନେ ସଦାପ୍ରଭୁଙ୍କ ଆଜ୍ଞାସକଳ ତ୍ୟାଗ କରିଅଛ ଓ ତୁମ୍ଭେ ବାଲ୍‍ ଦେବଗଣର ଅନୁଗାମୀ ହୋଇଅଛ।
\v 19 ଏହେତୁ ଏବେ ତୁମ୍ଭେ ଲୋକ ପଠାଇ ସମଗ୍ର ଇସ୍ରାଏଲକୁ ଓ ଈଷେବଲ୍‍ର ମେଜରେ ଭୋଜନକାରୀ ବାଲ୍‍ର ଚାରିଶହ ପଚାଶ ଭବିଷ୍ୟଦ୍‍ବକ୍ତାଙ୍କୁ ଓ ଆଶେରାର ଚାରିଶହ ଭବିଷ୍ୟଦ୍‍ବକ୍ତାଙ୍କୁ କର୍ମିଲ ପର୍ବତରେ ମୋ’ ନିକଟରେ ଏକତ୍ର କର।”
\s ବାଲ୍‍ ଭବିଷ୍ୟଦ୍‍ବକ୍ତାଗଣଙ୍କ ପରାଜୟ
\p
\s5
\v 20 ତହିଁରେ ଆହାବ ସମସ୍ତ ଇସ୍ରାଏଲ-ସନ୍ତାନଗଣଙ୍କ ନିକଟକୁ ଲୋକ ପଠାଇଲେ ଓ ଭବିଷ୍ୟଦ୍‍ବକ୍ତାମାନଙ୍କୁ କର୍ମିଲ ପର୍ବତରେ ଏକତ୍ର କଲେ।
\v 21 ଏଉତ୍ତାରେ ଏଲୀୟ ସମଗ୍ର ଲୋକଙ୍କ ନିକଟକୁ ଆସି କହିଲେ, “ତୁମ୍ଭେମାନେ କେତେ କାଳ ଦୁଇ ମତ ମଧ୍ୟରେ ସନ୍ଦିଗ୍ଧ ହୋଇ ରହିବ ? ସଦାପ୍ରଭୁ ଯେବେ ପରମେଶ୍ୱର ହୁଅନ୍ତି, ତେବେ ତାହାଙ୍କର ଅନୁଗାମୀ ହୁଅ; ମାତ୍ର ଯେବେ ବାଲ୍‍, ତେବେ ତାହାର ଅନୁଗାମୀ ହୁଅ।” ଏଥିରେ ଲୋକମାନେ ତାଙ୍କୁ ଗୋଟିଏ କଥା ଉତ୍ତର ଦେଲେ ନାହିଁ।
\s5
\v 22 ତହୁଁ ଏଲୀୟ ଲୋକମାନଙ୍କୁ କହିଲେ, “ମୁଁ, କେବଳ ମୁଁ ସଦାପ୍ରଭୁଙ୍କର ଏକ ଭବିଷ୍ୟଦ୍‍ବକ୍ତା ଅବଶିଷ୍ଟ ଅଛି; ମାତ୍ର ବାଲ୍‍ର ଭବିଷ୍ୟଦ୍‍ବକ୍ତା ଚାରିଶହ ପଚାଶ ଜଣ ଅଛନ୍ତି।
\v 23 ଏହେତୁ ସେମାନେ ଆମ୍ଭମାନଙ୍କୁ ଦୁଇ ବୃଷ ଦେଉନ୍ତୁ, ଆଉ ସେମାନେ ଆପଣାମାନଙ୍କ ପାଇଁ ଗୋଟିଏ ବୃଷ ପସନ୍ଦ କରନ୍ତୁ ଓ ତାହା ଖଣ୍ଡ ଖଣ୍ଡ କରି କାଷ୍ଠ ଉପରେ ରଖନ୍ତୁ, ମାତ୍ର ତଳେ ଅଗ୍ନି ନ ଦେଉନ୍ତୁ; ଆଉ ମୁଁ ଅନ୍ୟ ବୃଷଟିକୁ ପ୍ରସ୍ତୁତ କରି କାଷ୍ଠ ଉପରେ ରଖିବି, ମାତ୍ର ତଳେ ଅଗ୍ନି ଦେବି ନାହିଁ।
\v 24 ତହୁଁ ତୁମ୍ଭେମାନେ ଆପଣାମାନଙ୍କ ଦେବତା ନାମରେ ଡାକି ପ୍ରାର୍ଥନା କର, ପୁଣି, ମୁଁ ସଦାପ୍ରଭୁଙ୍କ ନାମରେ ଡାକି ପ୍ରାର୍ଥନା କରିବି; ତହିଁରେ ଯେ ଅଗ୍ନି ଦ୍ୱାରା ଉତ୍ତର ଦେବେ, ସେ ପରମେଶ୍ୱର ହେଉନ୍ତୁ।” ଏଥିରେ ସମସ୍ତ ଲୋକ ଉତ୍ତର କଲେ, “ଏ କଥା ଉତ୍ତମ।”
\s5
\v 25 ଏଥିଉତ୍ତାରେ ଏଲୀୟ ବାଲ୍‍ର ଭବିଷ୍ୟଦ୍‍ବକ୍ତାମାନଙ୍କୁ କହିଲେ, “ତୁମ୍ଭେମାନେ ଆପଣାମାନଙ୍କ ପାଇଁ ଏକ ବୃଷ ପସନ୍ଦ କରି ପ୍ରଥମେ ତାହା ପ୍ରସ୍ତୁତ କର; କାରଣ ତୁମ୍ଭେମାନେ ଅନେକ; ଆଉ ତୁମ୍ଭେମାନେ ଆପଣାମାନଙ୍କ ଦେବତା ନାମରେ ଡାକି ପ୍ରାର୍ଥନା କର; ମାତ୍ର ତଳେ ଅଗ୍ନି ନ ଦିଅ।”
\v 26 ତହୁଁ ସେମାନେ ଆପଣାମାନଙ୍କୁ ଦତ୍ତ ବୃଷ ନେଇ ତାହା ପ୍ରସ୍ତୁତ କଲେ, ପୁଣି, ପ୍ରାତଃକାଳରୁ ମଧ୍ୟାହ୍ନ ପର୍ଯ୍ୟନ୍ତ ବାଲ୍‍ ନାମରେ ଡାକି ପ୍ରାର୍ଥନା କରି କହିଲେ, “ହେ ବାଲ୍‍, ଆମ୍ଭମାନଙ୍କ କଥା ଶୁଣ।” ମାତ୍ର କୌଣସି ରବ ନୋହିଲା, ଅବା କେହି ଉତ୍ତର ଦେଲା ନାହିଁ। ତହିଁରେ ସେମାନେ ସେହି ନିର୍ମିତ ଯଜ୍ଞବେଦିର ଚାରିଆଡ଼େ ନାଚିଲେ।
\s5
\v 27 ଏଣୁ ମଧ୍ୟାହ୍ନ ସମୟରେ ଏଲୀୟ ସେମାନଙ୍କୁ ପରିହାସ କରି କହିଲେ, “ଉଚ୍ଚ ସ୍ୱର କରି ଡାକ; କାରଣ ସେ ତ ଦେବତା; ସେ ଧ୍ୟାନ କରୁଥିବ, ଅବା ବାହାରେ ଯାଇଥିବ, କିଅବା ଯାତ୍ରା କରୁଥିବ, ଅବା ହୋଇପାରେ ନିଦ୍ରିତ ଥିବ, ଏଣୁ ତାହାକୁ ଜଗାଇବାକୁ ହେବ।”
\v 28 ପୁଣି, ସେମାନେ ଉଚ୍ଚ ସ୍ୱର କରି ଡାକିଲେ ଓ ଆପଣାମାନଙ୍କ ବ୍ୟବହାରାନୁସାରେ ଦେହରୁ ରକ୍ତ ବହିଯିବା ପର୍ଯ୍ୟନ୍ତ ସେମାନେ ଛୁରୀ ଓ ବର୍ଚ୍ଛାରେ ଆପଣାମାନଙ୍କୁ କ୍ଷତବିକ୍ଷତ କଲେ।
\v 29 ପୁଣି, ମଧ୍ୟାହ୍ନ କାଳ ଗତ ହେଲା ଉତ୍ତାରେ ସେମାନେ ସନ୍ଧ୍ୟାକାଳୀନ ବଳିଦାନ ଉତ୍ସର୍ଗ କରିବା ପର୍ଯ୍ୟନ୍ତ ପ୍ରଳାପୋକ୍ତି କଲେ; ମାତ୍ର କୌଣସି ରବ ନୋହିଲା, କି ଉତ୍ତର ଦେବାକୁ କେହି ନ ଥିଲା, ଅବା କେହି ମନୋଯୋଗ କଲା ନାହିଁ।
\s5
\v 30 ଏଥିରେ ଏଲୀୟ ସମଗ୍ର ଲୋକଙ୍କୁ କହିଲେ, “ମୋ’ ନିକଟକୁ ଆସ,” ତହୁଁ ସମଗ୍ର ଲୋକ ତାଙ୍କ ନିକଟକୁ ଆସିଲେ। ତହିଁରେ ସେ ସଦାପ୍ରଭୁଙ୍କ ଉତ୍ପାଟିତ ଯଜ୍ଞବେଦି ପୁନଃନିର୍ମାଣ କଲେ।
\v 31 ପୁଣି, ଯେଉଁ ଯାକୁବ ନିକଟରେ “ତୁମ୍ଭର ନାମ ଇସ୍ରାଏଲ ହେବ” ବୋଲି ସଦାପ୍ରଭୁଙ୍କ ବାକ୍ୟ ଉପସ୍ଥିତ ହୋଇଥିଲା, ତାହାର ପୁତ୍ରମାନଙ୍କ ଗୋଷ୍ଠୀର ସଂଖ୍ୟାନୁସାରେ ଏଲୀୟ ବାର ପଥର ନେଲେ।
\v 32 ଆଉ ସେହି ପଥର ସବୁରେ ସେ ସଦାପ୍ରଭୁଙ୍କ ନାମରେ ଏକ ଯଜ୍ଞବେଦି ନିର୍ମାଣ କରି ଯଜ୍ଞବେଦିର ଚାରିଆଡ଼େ ଦୁଇ ମହଣ ବିହନ ଧରୁଥିବା ଭଳି ଖାଇ ନିର୍ମାଣ କଲେ।
\s5
\v 33 ତହୁଁ ସେ କାଷ୍ଠ ସଜାଇ ବୃଷକୁ ଖଣ୍ଡ ଖଣ୍ଡ କରି କାଟି କାଷ୍ଠ ଉପରେ ଥୋଇଲେ। ଆଉ ସେ କହିଲେ, “ଚାରି କଳସ ଜଳରେ ପୂର୍ଣ୍ଣ କରି ହୋମାର୍ଥକ ବଳି ଓ କାଷ୍ଠ ଉପରେ ତାହା ଢାଳ।”
\v 34 ପୁଣି, ସେ କହିଲେ, “ଦ୍ୱିତୀୟ ଥର ତାହା କର,” ତହୁଁ ସେମାନେ ଦ୍ୱିତୀୟ ଥର ତାହା କଲେ। ଆହୁରି ସେ କହିଲେ, “ତୃତୀୟ ଥର ତାହା କର,” ତହୁଁ ସେମାନେ ତୃତୀୟ ଥର ତାହା କଲେ।
\v 35 ତହିଁରେ ଯଜ୍ଞବେଦିର ଚାରିଆଡ଼େ ଜଳ ବହିଗଲା; ଏଲୀୟ ଖାଇକୁ ମଧ୍ୟ ଜଳରେ ପୂର୍ଣ୍ଣ କଲେ।
\s5
\v 36 ଏଉତ୍ତାରେ ସନ୍ଧ୍ୟାକାଳୀନ ବଳିଦାନ ଉତ୍ସର୍ଗ କରିବା ସମୟରେ ଏଲୀୟ ଭବିଷ୍ୟଦ୍‍ବକ୍ତା ନିକଟବର୍ତ୍ତୀ ହୋଇ କହିଲେ, “ହେ ସଦାପ୍ରଭୁ, ଅବ୍ରହାମର ଓ ଇସ୍‍ହାକର ଓ ଇସ୍ରାଏଲର ପରମେଶ୍ୱର, ତୁମ୍ଭେ ଯେ ଇସ୍ରାଏଲ ମଧ୍ୟରେ ପରମେଶ୍ୱର ଅଟ ଓ ମୁଁ ଯେ ତୁମ୍ଭର ସେବକ ଓ ମୁଁ ଯେ ତୁମ୍ଭ ବାକ୍ୟ ପ୍ରମାଣେ ଏହିସବୁ କାର୍ଯ୍ୟ କରିଅଛି, ଏହା ଆଜି ଜଣାଯାଉ।”
\v 37 ତୁମ୍ଭେ ସଦାପ୍ରଭୁ ଯେ ପରମେଶ୍ୱର ଅଟ ଓ ତୁମ୍ଭେ ଯେ ସେମାନଙ୍କର ଅନ୍ତଃକରଣ ଫେରାଇଅଛ, ଏହା ଏହି ଲୋକମାନେ ଯେପରି ଜାଣି ପାରିବେ, ଏଥିପାଇଁ ମୋ’ କଥା ଶୁଣ, ହେ ସଦାପ୍ରଭୁ, ମୋ’ କଥା ଶୁଣ।
\s5
\v 38 ସେତେବେଳେ ସଦାପ୍ରଭୁଙ୍କ ଅଗ୍ନି ପତିତ ହୋଇ ହୋମାର୍ଥକ ବଳି, କାଷ୍ଠ, ପ୍ରସ୍ତରସବୁ, ଧୂଳି ଗ୍ରାସ କରି ଖାଇରେ ଥିବା ଜଳ ଚାଟି ପକାଇଲା।
\v 39 ଏଥିରେ ସମଗ୍ର ଲୋକ ଏହା ଦେଖି ମୁହଁ ମାଡ଼ି ପଡ଼ି କହିଲେ, “ସଦାପ୍ରଭୁ ହିଁ ପରମେଶ୍ୱର, ସଦାପ୍ରଭୁ ହିଁ ପରମେଶ୍ୱର ଅଟନ୍ତି।”
\v 40 ତହୁଁ ଏଲିୟ ସେମାନଙ୍କୁ କହିଲେ, “ବାଲ୍‍ର ଭବିଷ୍ୟଦ୍‍ବକ୍ତାମାନଙ୍କୁ ଧର; ସେମାନଙ୍କର କାହାରିକୁ ପଳାଇବାକୁ ଦିଅ ନାହିଁ।” ତହିଁରେ ଲୋକମାନେ ସେମାନଙ୍କୁ ଧରିଲେ, ପୁଣି, ଏଲୀୟ ସେମାନଙ୍କୁ କୀଶୋନ୍‍ ନଦୀ ନିକଟକୁ ନେଇ ସେଠାରେ ସେମାନଙ୍କୁ ବଧ କଲେ।
\s ଅନାବୃଷ୍ଟିର ଅବସାନ
\p
\s5
\v 41 ଏଥିଉତ୍ତାରେ ଏଲୀୟ ଆହାବଙ୍କୁ କହିଲେ, “ତୁମ୍ଭେ ଉଠି ଯାଇ ଭୋଜନ ପାନ କର; କାରଣ ଅତିଶୟ ବୃଷ୍ଟିର ଶବ୍ଦ ହେଉଅଛି।”
\v 42 ତହୁଁ ଆହାବ ଭୋଜନ ପାନ କରିବାକୁ ଉଠିଗଲେ। ପୁଣି, ଏଲୀୟ କର୍ମିଲର ଶୃଙ୍ଗକୁ ଯାଇ ଭୂମିରେ ନଇଁପଡ଼ି ଆପଣା ଆଣ୍ଠୁ ମଧ୍ୟରେ ମୁଖ ରଖିଲେ।
\s5
\v 43 ପୁଣି, ସେ ଆପଣା ଦାସକୁ କହିଲେ, “ଉଠିଯାଇ ସମୁଦ୍ରଆଡ଼େ ଅନାଅ।” ତହୁଁ ସେ ଉଠିଯାଇ ଅନାଇ କହିଲା, “କିଛି ନାହିଁ।” ଏଥିରେ ଏଲୀୟ କହିଲେ, “ପୁନର୍ବାର ସାତ ଥର ଯାଅ।”
\v 44 ତହୁଁ ସେ ସପ୍ତମ ଥର କହିଲା, “ଦେଖନ୍ତୁ, ମନୁଷ୍ୟର ହାତ ପରି ଖଣ୍ଡେ କ୍ଷୁଦ୍ର ମେଘ ସମୁଦ୍ରରୁ ଉଠୁଅଛି।” ଏଥିରେ ଏଲୀୟ କହିଲେ, “ଉଠିଯାଇ ଆହାବଙ୍କୁ କୁହ, ବୃଷ୍ଟି ଯେପରି ତୁମ୍ଭକୁ ନ ଅଟକାଏ, ଏଥିପାଇଁ ରଥ ପ୍ରସ୍ତୁତ କରି ତଳକୁ ଯାଅ।”
\s5
\v 45 ତହୁଁ ଅଳ୍ପକ୍ଷଣ ମଧ୍ୟରେ ମେଘ ଓ ବାୟୁରେ ଆକାଶ କଳା ହୋଇଗଲା ଓ ମହାବୃଷ୍ଟି ହେଲା। ପୁଣି, ଆହାବ ରଥରେ ଚଢ଼ି ଯିଷ୍ରିୟେଲକୁ ଗଲେ।
\v 46 ଏଥିରେ ସଦାପ୍ରଭୁଙ୍କ ହସ୍ତ ଏଲୀୟଙ୍କ ଉପରେ ଅବସ୍ଥାନ କରନ୍ତେ, ସେ ଆପଣା କଟି ବାନ୍ଧି ଯିଷ୍ରିୟେଲର ପ୍ରବେଶ-ସ୍ଥାନ ପର୍ଯ୍ୟନ୍ତ ଆହାବଙ୍କର ଆଗେ ଆଗେ ଦୌଡ଼ି ଗଲେ।
\s5
\c 19
\s ଏଲୀୟଙ୍କ ଈଷେବଲ୍‍ଠାରୁ ପଳାୟନ
\p
\v 1 ଏଥିଉତ୍ତାରେ ଆହାବ ଏଲୀୟଙ୍କର କୃତ ସମସ୍ତ କର୍ମର ବୃତ୍ତାନ୍ତ ଓ ସେ କିପରି ଖଡ୍ଗରେ ସମସ୍ତ ଭବିଷ୍ୟଦ୍‍ବକ୍ତାଙ୍କୁ ବଧ କରିଥିଲେ, ତାହା ଈଷେବଲ୍‍କୁ ଜଣାଇଲେ।
\v 2 ତହିଁରେ ଈଷେବଲ୍‍ ଏଲୀୟଙ୍କ ନିକଟକୁ ଦୂତ ପଠାଇ ଏହି କଥା କହିଲା, “ପ୍ରାୟ କାଲି ଏହି ସମୟକୁ ଯେବେ ମୁଁ ତୁମ୍ଭ ପ୍ରାଣକୁ ସେମାନଙ୍କ ଜଣକର ପ୍ରାଣ ତୁଲ୍ୟ ନ କରେ, ତେବେ ଦେବତାମାନେ ମୋତେ ସେହି ଦଣ୍ଡ, ମଧ୍ୟ ତହିଁରୁ ଅଧିକ ଦେଉନ୍ତୁ।”
\v 3 ତହୁଁ ଏଲୀୟ ଏହା ଦେଖି ଆପଣା ପ୍ରାଣ ସକାଶେ ଉଠିଯାଇ ଯିହୁଦାର ବେର୍‍ଶେବା ନଗରରେ ଉପସ୍ଥିତ ହେଲେ ଓ ସେଠାରେ ଆପଣା ଦାସକୁ ଛାଡ଼ିଲେ।
\s5
\v 4 ମାତ୍ର ସେ ଆପେ ପ୍ରାନ୍ତର ଭିତରକୁ ଦିନକର ପଥ ଯାଇ ଏକ ରେତମବୃକ୍ଷ ମୂଳରେ ଉପସ୍ଥିତ ହୋଇ ବସିଲେ ଓ ଆପଣା ମୃତ୍ୟୁୁ-ପ୍ରାର୍ଥନା କରି କହିଲେ, “ଯଥେଷ୍ଟ ହେଲାଣି; ଏବେ ହେ ସଦାପ୍ରଭୁ, ମୋର ପ୍ରାଣ ନିଅ; କାରଣ ମୁଁ ଆପଣା ପୂର୍ବପୁରୁଷମାନଙ୍କଠାରୁ ଭଲ ନୁହେଁ।”
\v 5 ତହୁଁ ସେ ରେତମବୃକ୍ଷ ମୂଳେ ଶୟନ କରି ନିଦ୍ରା ଗଲେ; ଏଥିରେ ଦେଖ, ଏକ ଦୂତ ତାଙ୍କୁ ସ୍ପର୍ଶ କରି କହିଲେ, “ଉଠ, ଭୋଜନ କର।”
\v 6 ତହିଁରେ ସେ ଅନାନ୍ତେ, ଦେଖ, ତାଙ୍କ ମସ୍ତକ ପାଖରେ ଅଙ୍ଗାରରେ ପକ୍ୱ ଏକ ପିଠା ଓ ଏକ ପାତ୍ର ଜଳ ଅଛି। ଏଣୁ ସେ ଭୋଜନ ପାନ କରି ପୁନର୍ବାର ଶୟନ କଲେ।
\s5
\v 7 ଏଉତ୍ତାରେ ସଦାପ୍ରଭୁଙ୍କ ଦୂତ ପୁନର୍ବାର ଦ୍ୱିତୀୟ ଥର ଆସି ତାଙ୍କୁ ସ୍ପର୍ଶ କରି କହିଲେ, “ଉଠ, ଭୋଜନ କର; କାରଣ ତୁମ୍ଭ ଶକ୍ତିରୁ ପଥ ଅଧିକ।”
\v 8 ତହୁଁ ସେ ଉଠି ଭୋଜନ ପାନ କଲେ ଓ ସେହି ଖାଦ୍ୟର ବଳରେ ପରମେଶ୍ୱରଙ୍କ ପର୍ବତ ହୋରେବ ପର୍ଯ୍ୟନ୍ତ ଚାଳିଶ ଦିନ ଓ ଚାଳିଶ ରାତ୍ରି ଗମନ କଲେ।
\s ଏଲୀୟଙ୍କ ପ୍ରତି ଈଶ୍ୱରଙ୍କ ରବ
\p
\s5
\v 9 ଆଉ ସେ ସେଠାସ୍ଥିତ ଏକ ଗହ୍ୱରରେ ଉପସ୍ଥିତ ହୋଇ ରାତ୍ରି କ୍ଷେପଣ କଲେ; ସେତେବେଳେ ଦେଖ, ସଦାପ୍ରଭୁଙ୍କ ବାକ୍ୟ ତାଙ୍କ ନିକଟରେ ଉପସ୍ଥିତ ହେଲା ଓ ସେ ତାଙ୍କୁ କହିଲେ, “ଏଲୀୟ, ତୁମ୍ଭେ ଏଠାରେ କ’ଣ କରୁଅଛ ?”
\v 10 ତହୁଁ ଏଲୀୟ କହିଲେ, “ମୁଁ ସଦାପ୍ରଭୁ ସୈନ୍ୟାଧିପତି ପରମେଶ୍ୱରଙ୍କ ପକ୍ଷରେ ଅତ୍ୟନ୍ତ ଉଦ୍‍ଯୋଗୀ ହେଲି; କାରଣ ଇସ୍ରାଏଲ ସନ୍ତାନଗଣ ତୁମ୍ଭ ନିୟମ ପରିତ୍ୟାଗ କଲେ, ତୁମ୍ଭର ଯଜ୍ଞବେଦିସବୁ ଉତ୍ପାଟନ କଲେ ଓ ତୁମ୍ଭ ଭବିଷ୍ୟଦ୍‍ବକ୍ତାମାନଙ୍କୁ ଖଡ୍ଗରେ ବଧ କଲେ; ତହିଁରେ ମୁଁ, କେବଳ ମୁଁ ଅବଶିଷ୍ଟ ରହିଲି; ଆଉ ସେମାନେ ମୋ’ ପ୍ରାଣ ନେବାକୁ ଅନ୍ୱେଷଣ କରୁଅଛନ୍ତି।”
\s5
\v 11 ଏଥିରେ ସେ କହିଲେ, “ତୁମ୍ଭେ ବାହାର ହୋଇ ଏହି ପର୍ବତରେ ସଦାପ୍ରଭୁଙ୍କ ସମ୍ମୁଖରେ ଠିଆ ହୁଅ।” ଆଉ ଦେଖ, ସଦାପ୍ରଭୁ ନିକଟ ଦେଇ ଗମନ କଲେ, ତହିଁରେ ପ୍ରବଳ ଓ ପ୍ରଚଣ୍ଡ ବାୟୁ ସଦାପ୍ରଭୁଙ୍କ ସମ୍ମୁଖରେ ପର୍ବତଗଣକୁ ବିଦୀର୍ଣ୍ଣ କଲା ଓ ଶୈଳସବୁ ଭାଙ୍ଗି ଖଣ୍ଡ ଖଣ୍ଡ କଲା; ମାତ୍ର ସଦାପ୍ରଭୁ ସେହି ବାୟୁରେ ନ ଥିଲେ; ପୁଣି, ବାୟୁ ଉତ୍ତାରେ ଭୂମିକମ୍ପ ହେଲା; ମାତ୍ର ସଦାପ୍ରଭୁ ସେହି ଭୂମିକମ୍ପରେ ନ ଥିଲେ।
\v 12 ଆଉ ଭୂମିକମ୍ପ ଉତ୍ତାରେ ଅଗ୍ନି ହେଲା; ମାତ୍ର ସଦାପ୍ରଭୁ ସେହି ଅଗ୍ନିରେ ନ ଥିଲେ; ପୁଣି, ଅଗ୍ନି ଉତ୍ତାରେ ଏକ ଶାନ୍ତ କ୍ଷୁଦ୍ର ରବ ହେଲା।
\s5
\v 13 ତହୁଁ ଏଲୀୟ ତାହା ଶୁଣନ୍ତେ, ଆପଣା ବସ୍ତ୍ରରେ ମୁଖ ଆଚ୍ଛାଦନ କରି ବାହାରେ ଯାଇ ଗହ୍ୱର-ମୁଖ ନିକଟରେ ଠିଆ ହେଲେ। ତହିଁରେ ଦେଖ, ଏକ ରବ ତାଙ୍କ ନିକଟରେ ଉପସ୍ଥିତ ହୋଇ କହିଲା, “ଏଲୀୟ, ତୁମ୍ଭେ ଏଠାରେ କଅଣ କରୁଅଛ ?”
\v 14 ତହୁଁ ସେ କହିଲେ, “ମୁଁ ସଦାପ୍ରଭୁ ସୈନ୍ୟାଧିପତି ପରମେଶ୍ୱରଙ୍କ ପକ୍ଷରେ ଅତ୍ୟନ୍ତ ଉଦ୍‍ଯୋଗୀ ହେଲି; କାରଣ ଇସ୍ରାଏଲ ସନ୍ତାନଗଣ ତୁମ୍ଭ ନିୟମ ପରିତ୍ୟାଗ କଲେ, ତୁମ୍ଭ ଯଜ୍ଞବେଦିସବୁ ଉତ୍ପାଟନ କଲେ ଓ ତୁମ୍ଭ ଭବିଷ୍ୟଦ୍‍ବକ୍ତାମାନଙ୍କୁ ଖଡ୍ଗରେ ବଧ କଲେ; ତହିଁରେ, କେବଳ ମୁଁ ଅବଶିଷ୍ଟ ରହିଲି; ଆଉ ସେମାନେ ମୋହର ପ୍ରାଣ ନେବାକୁ ଅନ୍ୱେଷଣ କରୁଅଛନ୍ତି।”
\s5
\v 15 ସେତେବେଳେ ସଦାପ୍ରଭୁ ତାଙ୍କୁ କହିଲେ, “ଆପଣା ପଥରେ ଫେରି ଦମ୍ମେଶକ ପ୍ରାନ୍ତରକୁ ଯାଅ; ଆଉ ତୁମ୍ଭେ ସେଠାରେ ଉପସ୍ଥିତ ହେଲେ, ହସାୟେଲକୁ ଅରାମ ଉପରେ ରାଜାଭିଷିକ୍ତ କର;
\v 16 ଆଉ ନିମ୍‍ଶିର ପୁତ୍ର ଯେହୂଙ୍କୁ ଇସ୍ରାଏଲ ଉପରେ ରାଜାଭିଷିକ୍ତ କର; ଆଉ ଆବେଲ୍‍-ମହୋଲା ନିବାସୀ ଶାଫଟ୍‍ର ପୁତ୍ର ଇଲୀଶାୟଙ୍କୁ ତୁମ୍ଭ ପଦରେ ଭବିଷ୍ୟଦ୍‍ବକ୍ତା କରି ଅଭିଷେକ କର।
\s5
\v 17 ତହିଁରେ ଯେଉଁ ଲୋକ ହସାୟେଲର ଖଡ୍ଗରୁ ବଞ୍ଚିବ, ଯେହୂ ତାହାଙ୍କୁ ବଧ କରିବ ଓ ଯେ ଯେହୂର ଖଡ୍ଗରୁ ବଞ୍ଚିବ, ତାହାକୁ ଇଲୀଶାୟ ବଧ କରିବ।
\v 18 ତଥାପି ଆମ୍ଭେ ଇସ୍ରାଏଲ ମଧ୍ୟରେ ଆପଣା ପାଇଁ ସାତ ସହସ୍ର ଲୋକ ଅବଶିଷ୍ଟ ରଖିବା, ଯେଉଁମାନଙ୍କର ଆଣ୍ଠୁ ବାଲ୍‍ ସମ୍ମୁଖରେ ନତ ହୋଇ ନାହିଁ ଓ ଯେଉଁମାନଙ୍କର ମୁଖ ତାହାକୁ ଚୁମ୍ବନ କରି ନାହିଁ।”
\s ଇଲୀଶାୟଙ୍କ ପ୍ରତି ଈଶ୍ୱରଙ୍କ ଆହ୍ୱାନ
\p
\s5
\v 19 ଏଥିରେ ଏଲୀୟ ଏଠାରୁ ପ୍ରସ୍ଥାନ କରି ଶାଫଟ୍‍ର ପୁତ୍ର ଇଲୀଶାୟଙ୍କର ସନ୍ଧାନ ପାଇଲେ। ସେସମୟରେ ସେ ହଳ ବୁଲାଉଥିଲେ, ତାଙ୍କ ଆଗରେ ବାର ହଳ ବଳଦ ଥିଲେ, ପୁଣି, ସେ ଦ୍ୱାଦଶ ହଳରେ ଥିଲେ; ତହିଁରେ ଏଲୀୟ ତାଙ୍କ ନିକଟକୁ ଯାଇ ଆପଣା ବସ୍ତ୍ର ତାଙ୍କ ଉପରେ ପକାଇଲେ।
\v 20 ତହିଁରେ ସେ ବଳଦ ଛାଡ଼ି ଏଲୀୟଙ୍କ ପଛେ ଦୌଡ଼ି ତାଙ୍କୁ କହିଲେ, “ବିନୟ କରୁଅଛି, ମୋ’ ପିତା ଓ ମାତାଙ୍କୁ ଚୁମ୍ବନ ଦେବା ପାଇଁ ଅନୁମତି ଦେଉନ୍ତୁ, ତହିଁ ଉତ୍ତାରେ ମୁଁ ଆପଣଙ୍କ ପଛେ ଯିବି।” ତହୁଁ ଏଲୀୟ ତାଙ୍କୁ କହିଲେ, “ଫେରିଯାଅ; କିନ୍ତୁ ଚିନ୍ତାକର ଆମ୍ଭେ ତୁମ୍ଭର କଅଣ କଲୁ।”
\s5
\v 21 ତହିଁରେ ସେ ତାଙ୍କ ପଶ୍ଚାତ୍‍ଗମନରୁ ଫେରିଗଲେ ଓ ସେହି ବଳଦ ହଳକ ନେଇ ବଧ କରି ଯୁଆଳି କାଠରେ ସେହି ମାଂସ ସିଦ୍ଧ କରି ଲୋକମାନଙ୍କୁ ଦିଅନ୍ତେ, ସେମାନେ ଭୋଜନ କଲେ। ତହୁଁ ସେ ଉଠି ଏଲୀୟଙ୍କର ପଶ୍ଚାତ୍‍ଗମନ କରି ତାଙ୍କର ପରିଚର୍ଯ୍ୟା କଲେ।
\s5
\c 20
\s ଆହାବଙ୍କ ସିରୀୟା(ଅରାମ) ସହ ଯୁଦ୍ଧ
\p
\v 1 ଏଥିଉତ୍ତାରେ ଅରାମର ରାଜା ବିନ୍‍ହଦଦ୍‍ ଆପଣାର ସମସ୍ତ ସୈନ୍ୟ ଏକତ୍ର କଲା; ପୁଣି, ତାହା ସଙ୍ଗେ ବତିଶ ରାଜା, ଆଉ ଅଶ୍ୱ ଓ ରଥମାନ ଥିଲେ; ପୁଣି, ସେ ଯାଇ ଶମରୀୟା ଅବରୋଧ କରି ତହିଁ ବିରୁଦ୍ଧରେ ଯୁଦ୍ଧ କଲା।
\v 2 ଆଉ ନଗର ମଧ୍ୟକୁ ଇସ୍ରାଏଲର ରାଜା ଆହାବଙ୍କ ନିକଟକୁ ଦୂତଗଣ ପଠାଇ ତାଙ୍କୁ କହିଲା, “ବିନ୍‍ହଦଦ୍‍ ଏହି କଥା କହନ୍ତି,
\v 3 ତୁମ୍ଭର ରୂପା ଓ ତୁମ୍ଭର ସୁନା ମୋହର ଅଟେ, ତୁମ୍ଭର ଭାର୍ଯ୍ୟା ଓ ତୁମ୍ଭର ସନ୍ତାନମାନେ, ମଧ୍ୟ ସର୍ବୋତ୍ତମ ଯେତେ, ମୋହର ଅଟନ୍ତି।”
\s5
\v 4 ଏଥିରେ ଇସ୍ରାଏଲର ରାଜା ଉତ୍ତର କରି କହିଲେ, “ହେ ମୋହର ପ୍ରଭୁ, ମହାରାଜ, ଆପଣଙ୍କ ବାକ୍ୟାନୁସାରେ ମୁଁ ଓ ମୋର ସର୍ବସ୍ୱ ହିଁ ଆପଣଙ୍କର।”
\v 5 ଏଉତ୍ତାରେ ଦୂତମାନେ ପୁନର୍ବାର ଆସି କହିଲେ, “ବିନ୍‍ହଦଦ୍‍ ଏହି କଥା କହନ୍ତି, ତୁମ୍ଭେ ଆପଣା ରୂପା, ଆପଣା ସୁନା, ଆପଣା ଭାର୍ଯ୍ୟା ଓ ଆପଣା ସନ୍ତାନମାନଙ୍କୁ ମୋ’ ହସ୍ତରେ ସମର୍ପଣ କର ବୋଲି ମୁଁ ତୁମ୍ଭକୁ କହି ପଠାଇଲି;
\v 6 ମାତ୍ର କାଲି ପ୍ରାୟ ଏହି ସମୟରେ ମୁଁ ତୁମ୍ଭ ନିକଟକୁ ଆପଣା ଦାସମାନଙ୍କୁ ପଠାଇବି, ଆଉ ସେମାନେ ତୁମ୍ଭ ଗୃହ ଓ ତୁମ୍ଭ ଦାସମାନଙ୍କ ଗୃହ ଅନୁସନ୍ଧାନ କରିବେ; ପୁଣି, ତୁମ୍ଭ ଦୃଷ୍ଟିରେ ଯାହା ଯାହା ମନୋହର, ତାହାସବୁ ସେମାନେ ହାତରେ ଧରି ନେଇଯିବେ।”
\s5
\v 7 ତେବେ ଇସ୍ରାଏଲର ରାଜା ଦେଶର ସମସ୍ତ ପ୍ରାଚୀନବର୍ଗଙ୍କୁ ଡକାଇ କହିଲେ, “ବିନୟ କରୁଅଛି, ତୁମ୍ଭେମାନେ ବିଚାର କରି ଦେଖ, ଏ ଲୋକ କି ପ୍ରକାରେ ଅନିଷ୍ଟ ଚେଷ୍ଟା କରୁଅଛି; କାରଣ ସେ ମୋ’ ଭାର୍ଯ୍ୟା ଓ ସନ୍ତାନଗଣ ପାଇଁ, ପୁଣି, ମୋହର ରୂପା ଓ ସୁନା ପାଇଁ ଲୋକ ପଠାନ୍ତେ, ମୁଁ ତାହାକୁ ମନା କଲି ନାହିଁ।”
\v 8 ଏଥିରେ ସମସ୍ତ ପ୍ରାଚୀନବର୍ଗ ଓ ସମୁଦାୟ ଲୋକ ତାଙ୍କୁ କହିଲେ, “ଆପଣ ତାହାର କଥାରେ କର୍ଣ୍ଣ ନ ଦେଉନ୍ତୁ, ଅବା ସମ୍ମତ ନ ହେଉନ୍ତୁ।”
\s5
\v 9 ଏହେତୁ ସେ ବିନ୍‍ହଦଦ୍‍ର ଦୂତମାନଙ୍କୁ କହିଲେ, “ମୋହର ପ୍ରଭୁ ମହାରାଜଙ୍କୁ କୁହ, ଆପଣ ପ୍ରଥମେ ଆପଣା ଦାସ ନିକଟକୁ ଯହିଁ ପାଇଁ ପଠାଇଥିଲେ, ସେସବୁ ମୁଁ କରିବି; ମାତ୍ର ଏହି କାର୍ଯ୍ୟ ମୁଁ କରି ପାରିବି ନାହିଁ।” ତହୁଁ ଦୂତମାନେ ପ୍ରସ୍ଥାନ କରି ତାହାକୁ ସମ୍ବାଦ ଦେଲେ।
\v 10 ଏଉତ୍ତାରେ ବିନ୍‍ହଦଦ୍‍ ତାଙ୍କ ନିକଟକୁ ଲୋକ ପଠାଇ କହିଲା, “ଯେବେ ଶମରୀୟାର ଧୂଳି ମୋ’ ପଶ୍ଚାତ୍‍ଗାମୀ ସମସ୍ତ ଲୋକଙ୍କ ପୂର୍ଣ୍ଣ ମୁଷ୍ଟି ନିମନ୍ତେ ଯଥେଷ୍ଟ ହୁଏ, ତେବେ ଦେବତାମାନେ ସେହି ଦଣ୍ଡ, ମଧ୍ୟ ତହିଁରୁ ଅଧିକ ମୋତେ ଦେଉନ୍ତୁ।”
\s5
\v 11 ତହୁଁ ଇସ୍ରାଏଲର ରାଜା ଉତ୍ତର କରି କହିଲେ, “ତାହାକୁ କୁହ, ଯେ ସଜ୍ଜା ପରିଧାନ କରେ, ସେ ସଜ୍ଜା ତ୍ୟାଗ କରିବା ଲୋକ ତୁଲ୍ୟ ଦର୍ପ ନ କରୁ।”
\v 12 ବିନ୍‍ହଦଦ୍‍ ଓ ରାଜାମାନେ କୁଟୀରରେ ପାନ କରୁଥିବା ସମୟରେ ସେ ଏହି ସମ୍ବାଦ ଶୁଣି ଆପଣା ଦାସମାନଙ୍କୁ କହିଲା, “ଆପଣାମାନଙ୍କୁ ସଜାଅ।” ତହୁଁ ସେମାନେ ନଗର ବିରୁଦ୍ଧରେ ଆପଣାମାନଙ୍କୁ ସଜାଇଲେ।
\s5
\v 13 ଏଥି ମଧ୍ୟରେ ଦେଖ, ଜଣେ ଭବିଷ୍ୟଦ୍‍ବକ୍ତା ଇସ୍ରାଏଲର ରାଜା ଆହାବଙ୍କ ନିକଟକୁ ଆସି କହିଲେ, “ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେ କି ଏହି ସମସ୍ତ ମହାଜନତା ଦେଖିଅଛ ? ଦେଖ, ଆମ୍ଭେ ଆଜି ତାହା ତୁମ୍ଭ ହସ୍ତରେ ସମର୍ପଣ କରିବା, ଆଉ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେ ଜ୍ଞାତ ହେବ।”
\v 14 ତହିଁରେ ଆହାବ ପଚାରିଲେ, “କାହା ଦ୍ୱାରା ?” ସେ କହିଲେ, ସଦାପ୍ରଭୁ ଏହି କଥା କହନ୍ତି; ପ୍ରଦେଶର ଅଧିପତିମାନଙ୍କ ଯୁବା ଲୋକଙ୍କ ଦ୍ୱାରା। ତେବେ ସେ ପଚାରିଲେ, “କିଏ ଯୁଦ୍ଧ ଆରମ୍ଭ କରିବ ?” ତହିଁରେ ସେ ଉତ୍ତର କଲେ, “ତୁମ୍ଭେ।”
\v 15 ତହୁଁ ସେ ପ୍ରଦେଶର ଅଧିପତିମାନଙ୍କ ଯୁବା ଲୋକଙ୍କୁ ଗଣନା କଲେ, ସେମାନେ ଦୁଇଶହ ବତିଶ ଜଣ ହେଲେ, ପୁଣି, ସେମାନଙ୍କ ଉତ୍ତାରେ ସମୁଦାୟ ଲୋକଙ୍କୁ, ଅର୍ଥାତ୍‍, ସମଗ୍ର ଇସ୍ରାଏଲ-ସନ୍ତାନଙ୍କୁ ଗଣନା କରନ୍ତେ, ସାତ ସହସ୍ର ଜଣ ହେଲେ।
\s5
\v 16 ଏଉତ୍ତାରେ ସେମାନେ ମଧ୍ୟାହ୍ନ କାଳରେ ବାହାରିଲେ। ମାତ୍ର ବିନ୍‍ହଦଦ୍‍ ଓ ତାହାର ସାହାଯ୍ୟକାରୀ ବତିଶ ଜଣ ରାଜା କୁଟୀରରେ ପାନ କରି ମତ୍ତ ହେଉଥିଲେ।
\v 17 ଏହି ସମୟରେ ପ୍ରଦେଶର ଅଧିପତିମାନଙ୍କ ଯୁବା ଲୋକେ ପ୍ରଥମେ ବାହାରିଲେ; ତହିଁରେ ବିନ୍‍ହଦଦ୍‍ ଲୋକ ପଠାନ୍ତେ, ସେମାନେ ତାହାକୁ ସମ୍ବାଦ ଦେଇ କହିଲେ, “ଶମରୀୟାରୁ ଲୋକେ ଆସିଅଛନ୍ତି।”
\s5
\v 18 ତହୁଁ ସେ କହିଲା, “ସେମାନେ ସନ୍ଧି ପାଇଁ ଆସିଥିଲେ, ସେମାନଙ୍କୁ ଜୀବିତ ଧର, ପୁଣି, ଯୁଦ୍ଧ ପାଇଁ ଆସିଥିଲେ ମଧ୍ୟ ସେମାନଙ୍କୁ ଜୀବିତ ଧର।”
\v 19 ଏଥି ମଧ୍ୟରେ ପ୍ରଦେଶର ଅଧିପତିମାନଙ୍କ ସେହି ଯୁବାମାନେ ଓ ସେମାନଙ୍କ ପଶ୍ଚାତ୍‍ଗାମୀ ସୈନ୍ୟଦଳ ନଗରରୁ ବାହାରିଲେ।
\s5
\v 20 ପୁଣି, ସେମାନେ ପ୍ରତ୍ୟେକେ ଆପଣା ଆପଣା ପ୍ରତିଯୋଦ୍ଧାକୁ ବଧ କଲେ; ତହିଁରେ ଅରାମୀୟମାନେ ପଳାଇଲେ ଓ ଇସ୍ରାଏଲ ସେମାନଙ୍କ ପଛେ ପଛେ ଗୋଡ଼ାଇଲେ; ପୁଣି, ଅରାମର ରାଜା ବିନ୍‍ହଦଦ୍‍ ଅଶ୍ୱାରୋହୀମାନଙ୍କ ସହିତ ଏକ ଅଶ୍ୱ ଆରୋହଣ କରି ରକ୍ଷା ପାଇଲା।
\v 21 ଏଥିରେ ଇସ୍ରାଏଲର ରାଜା ବାହାରକୁ ଯାଇ ଅଶ୍ୱ ଓ ରଥସକଳ ଆଘାତ କଲେ ଓ ଅରାମୀୟମାନଙ୍କୁ ମହାସଂହାରରେ ବଧ କଲେ।
\s5
\v 22 ଏଉତ୍ତାରେ ସେହି ଭବିଷ୍ୟଦ୍‍ବକ୍ତା ଇସ୍ରାଏଲର ରାଜାଙ୍କ ନିକଟକୁ ଆସି ତାଙ୍କୁ କହିଲେ, “ଯାଅ, ଆପଣାକୁ ସବଳ କର ଓ ଯାହା କରୁଅଛ, ତାହା ବିଚାର କରି ଦେଖ; କାରଣ ଆସନ୍ତା ବର୍ଷ ଅରାମର ରାଜା ପୁନର୍ବାର ତୁମ୍ଭ ବିରୁଦ୍ଧରେ ଆସିବ।”
\s ସିରୀୟା(ଅରାମ)ର ଦ୍ୱିତୀୟ ଆକ୍ରମଣ
\p
\v 23 ଏଥିଉତ୍ତାରେ ଅରାମ-ରାଜାର ଦାସମାନେ ତାହାକୁ କହିଲେ, “ସେମାନଙ୍କ ଦେବତା ପର୍ବତଗଣର ଦେବତା ଅଟନ୍ତି; ଏଥିପାଇଁ ସେମାନେ ଆମ୍ଭମାନଙ୍କ ଅପେକ୍ଷା ବଳବାନ ହେଲେ; ମାତ୍ର ଆମ୍ଭେମାନେ ଯଦି ପଦାରେ ସେମାନଙ୍କ ସଙ୍ଗେ ଯୁଦ୍ଧ କରୁ, ତେବେ ଆମ୍ଭେମାନେ ସେମାନଙ୍କ ଅପେକ୍ଷା ନିଶ୍ଚୟ ଅଧିକ ବଳବାନ ହେବା।
\s5
\v 24 ଏଣୁ ଏହି କାର୍ଯ୍ୟ କରନ୍ତୁ; ରାଜାମାନଙ୍କର ପ୍ରତିଜଣକୁ ଆପଣା ଆପଣା ସ୍ଥାନରୁ କାଢ଼ି ଦେଉନ୍ତୁ ଓ ସେମାନଙ୍କ ସ୍ଥାନରେ ସେନାପତିମାନଙ୍କୁ ରଖନ୍ତୁ;
\v 25 ଆଉ ଆପଣ ଯେଉଁ ସୈନ୍ୟ ହରାଇଅଛନ୍ତି, ତାହାରି ପରି ସୈନ୍ୟ ଓ ଅଶ୍ୱ ବଦଳେ ଅଶ୍ୱ ଓ ରଥ ବଦଳେ ରଥ ସଂଗ୍ରହ କରନ୍ତୁ; ତହୁଁ ଆମ୍ଭେମାନେ ପଦାରେ ସେମାନଙ୍କ ସଙ୍ଗେ ଯୁଦ୍ଧ କରିବା, ଆଉ ନିଶ୍ଚୟ ଆମ୍ଭେମାନେ ସେମାନଙ୍କ ଅପେକ୍ଷା ଅଧିକ ବଳବାନ ହେବା।” ଏଥିରେ ରାଜା ସେମାନଙ୍କ କଥା ଶୁଣି ସେହିରୂପ କଲା।
\s5
\v 26 ଏଥିଉତ୍ତାରେ ପର ବର୍ଷ ଉପସ୍ଥିତ ହୁଅନ୍ତେ, ବିନ୍‍ହଦଦ୍‍ ଅରାମୀୟମାନଙ୍କୁ ଗଣନା କରି ଇସ୍ରାଏଲ ସଙ୍ଗେ ଯୁଦ୍ଧ କରିବା ପାଇଁ ଅଫେକକୁ ଗଲା।
\v 27 ତହିଁରେ ଇସ୍ରାଏଲ ସନ୍ତାନଗଣ ଗଣିତ ହୋଇ ଖାଦ୍ୟ-ଦ୍ରବ୍ୟାଦି ପ୍ରସ୍ତୁତ କରି ସେମାନଙ୍କ ବିରୁଦ୍ଧରେ ଯାତ୍ରା କଲେ; ପୁଣି, ଇସ୍ରାଏଲ ସନ୍ତାନମାନେ ଦୁଇ କ୍ଷୁଦ୍ର ଛାଗପଲ ପରି ସେମାନଙ୍କ ସମ୍ମୁଖରେ ଛାଉଣି ସ୍ଥାପନ କଲେ; ମାତ୍ର ଅରାମୀୟ ଲୋକମାନେ ଦେଶଯାକ ବ୍ୟାପିଲେ।
\s5
\v 28 ତହିଁରେ ପରମେଶ୍ୱରଙ୍କର ଜଣେ ଲୋକ ଇସ୍ରାଏଲର ରାଜାଙ୍କ ନିକଟକୁ ଆସି କହିଲେ, “ସଦାପ୍ରଭୁ ଏହି କଥା କହନ୍ତି, ଅରାମୀୟମାନେ କହିଅଛନ୍ତି, ସଦାପ୍ରଭୁ ପର୍ବତଗଣର ଦେବତା, ମାତ୍ର ତଳଭୂମିର ଦେବତା ନୁହନ୍ତି; ଏହେତୁ ଆମ୍ଭେ ଏହି ସମସ୍ତ ମହାଜନତାକୁ ତୁମ୍ଭ ହସ୍ତରେ ସମର୍ପଣ କରିବା, ତହିଁରେ ଆମ୍ଭେ ଯେ ସଦାପ୍ରଭୁ, ଏହା ତୁମ୍ଭେମାନେ ଜ୍ଞାତ ହେବ।”
\s5
\v 29 ପୁଣି, ସେମାନେ ସାତ ଦିନ ସମ୍ମୁଖାସମ୍ମୁଖୀ ହୋଇ ଛାଉଣି ସ୍ଥାପନ କରି ରହିଲେ। ତହୁଁ ସପ୍ତମ ଦିନରେ ଯୁଦ୍ଧ ସଂଘଟନ ହେଲା; ତହିଁରେ ଇସ୍ରାଏଲ ସନ୍ତାନଗଣ ଏକ ଦିନରେ ଅରାମୀୟମାନଙ୍କର ଏକ ଲକ୍ଷ ପଦାତିକ ସୈନ୍ୟ ବଧ କଲେ।
\v 30 ମାତ୍ର ଅବଶିଷ୍ଟ ସମସ୍ତେ ଅଫେକକୁ ପଳାଇ ନଗରରେ ପ୍ରବେଶ କଲେ; ଆଉ ଅବଶିଷ୍ଟ ସତାଇଶି ହଜାର ଲୋକଙ୍କ ଉପରେ ପାଚେରୀ ପଡ଼ିଲା। ପୁଣି, ବିନ୍‍ହଦଦ୍‍ ପଳାଇ ନଗରରେ ପ୍ରବେଶ କରି ଗୋଟିଏ ଭିତର କୋଠରିକୁ ଗଲା।
\s5
\v 31 ଏଥିରେ ତାହାର ଦାସମାନେ ତାହାଙ୍କୁ କହିଲେ, “ଦେଖନ୍ତୁ, ଆମ୍ଭେମାନେ ଶୁଣିଅଛୁ ଯେ, ଇସ୍ରାଏଲ ବଂଶୀୟ ରାଜାମାନେ ଦୟାଳୁ ଅଟନ୍ତି; ଆମ୍ଭେମାନେ ଆପଣଙ୍କୁ ବିନୟ କରୁଅଛୁ, ଆସନ୍ତୁ, ଆମ୍ଭେମାନେ କଟିରେ ଅଖା ପିନ୍ଧି ଓ ମସ୍ତକରେ ରଜ୍ଜୁ ବାନ୍ଧି ଇସ୍ରାଏଲର ରାଜା ନିକଟକୁ ଯାଉ; କେଜାଣି ସେ ଆପଣଙ୍କ ପ୍ରାଣ ବଞ୍ଚାଇବେ।”
\v 32 ତହୁଁ ସେମାନେ କଟିରେ ଅଖା ଓ ମସ୍ତକରେ ରଜ୍ଜୁ ବାନ୍ଧି ଇସ୍ରାଏଲର ରାଜାଙ୍କ ନିକଟକୁ ଆସି କହିଲେ, “ଆପଣଙ୍କ ଦାସ ବିନ୍‍ହଦଦ୍‍ କହୁଅଛି, ମୁଁ ଆପଣଙ୍କୁ ବିନୟ କରୁଅଛି, ମୋତେ ବଞ୍ଚାଉନ୍ତୁ।” ଏଥିରେ ସେ କହିଲେ, “ସେ କ’ଣ ଏଯାଏ ବଞ୍ଚିଅଛି ? ସେ ତ ମୋହର ଭାଇ।”
\s5
\v 33 ସେତେବେଳେ ସେହି ଲୋକମାନେ ଯତ୍ନପୂର୍ବକ ନିରୀକ୍ଷଣ କରି ତାହାର ମନ ସେପରି କି ନାହିଁ, ଏହା ଧରିବାକୁ ଚଞ୍ଚଳ ହେଲେ; ଆଉ ସେମାନେ କହିଲେ, “ଆପଣଙ୍କ ଭ୍ରାତା ବିନ୍‍ହଦଦ୍‍।” ତେବେ ସେ କହିଲେ, “ତୁମ୍ଭେମାନେ ଯାଇ ତାହାକୁ ଆଣ।” ତହୁଁ ବିନ୍‍ହଦଦ୍‍ ତାଙ୍କ ନିକଟକୁ ଆସନ୍ତେ, ସେ ତାହାକୁ ରଥ ଉପରକୁ ଅଣାଇଲେ।
\v 34 ସେତେବେଳେ ବିନ୍‍ହଦଦ୍‍ ତାଙ୍କୁ କହିଲା, “ମୋ’ ପିତା ଆପଣଙ୍କ ପିତାଙ୍କଠାରୁ ଯେଉଁ ଯେଉଁ ନଗର ନେଇଅଛନ୍ତି, ତାହା ମୁଁ ଫେରାଇ ଦେବି; ପୁଣି, ଯେପରି ମୋ’ ପିତା ଶମରୀୟାରେ ନଗରଗୁଡିକ କରିଥିଲେ, ସେପରି ଆପଣ ଦମ୍ମେଶକରେ ଆପଣା ପାଇଁ କରିବେ।” ଏଥିରେ ଆହାବ କହିଲେ, “ମୁଁ ଏହି ନିୟମରେ ତୁମ୍ଭକୁ ଛାଡ଼ିଦେବି।” ତହୁଁ ସେ ତାହା ସଙ୍ଗେ ନିୟମ କରି ତାହାଙ୍କୁ ଛାଡ଼ିଦେଲେ।
\s ଆହାବଙ୍କୁ ଭାବବାଦୀଙ୍କ ଚେତାବନୀ
\p
\s5
\v 35 ଏଥିଉତ୍ତାରେ ଭବିଷ୍ୟଦ୍‍ବକ୍ତାଗଣଙ୍କ ଦଳ ମଧ୍ୟରୁ କେହି ଜଣେ ସଦାପ୍ରଭୁଙ୍କ ବାକ୍ୟରେ ଆପଣା ସଙ୍ଗୀକୁ କହିଲା, “ମୁଁ ବିନୟ କରୁଅଛି; ମୋତେ ମାର।” ମାତ୍ର ସେ ଲୋକ ତାକୁ ମାରିବା ପାଇଁ ମନା କଲା।
\v 36 ତହୁଁ ସେ ତାହାକୁ କହିଲା, “ତୁମ୍ଭେ ସଦାପ୍ରଭୁଙ୍କ ବାକ୍ୟ ମାନିଲ ନାହିଁ, ଏହେତୁ ଦେଖ, ତୁମ୍ଭେ ମୋ’ ନିକଟରୁ ପ୍ରସ୍ଥାନ କଲାକ୍ଷଣେ ସିଂହ ତୁମ୍ଭକୁ ବଧ କରିବ।” ଏଥିଉତ୍ତାରେ ସେ ପ୍ରସ୍ଥାନ କଲାକ୍ଷଣେ ସିଂହ ତାହାକୁ ଭେଟି ବଧ କଲା।
\s5
\v 37 ପୁଣି, ସେ ଆଉ ଏକ ମନୁଷ୍ୟକୁ ଭେଟି କହିଲା, “ବିନୟ କରୁଅଛି, ମୋତେ ମାର।” ତହୁଁ ସେ ଲୋକ ତାହାକୁ ମାରିଲା ଓ ମାରି ମାରି ତାହାକୁ କ୍ଷତବିକ୍ଷତ କଲା।
\v 38 ଏଥିରେ ଭବିଷ୍ୟଦ୍‍ବକ୍ତା ପ୍ରସ୍ଥାନ କରି ପଥରେ ରାଜାଙ୍କ ଅପେକ୍ଷାରେ ରହିଲା ଓ ଆପଣା ଚକ୍ଷୁ ଉପରେ ପାଗ ବାନ୍ଧି ଛଦ୍ମବେଶ ଧରିଲା।
\s5
\v 39 ତହୁଁ ରାଜା ନିକଟ ଦେଇ ଯିବା ବେଳେ ସେ ଡାକ ପକାଇ ରାଜାଙ୍କୁ କହିଲା; “ଆପଣଙ୍କ ଦାସ ବାହାରି ଯୁଦ୍ଧ ମଧ୍ୟକୁ ଯାଇଥିଲା; ଆଉ ଦେଖନ୍ତୁ, ଜଣେ ମନୁଷ୍ୟ ମୋ’ ପାଖକୁ ଫେରି ଏକ ଲୋକକୁ ଆଣି କହିଲା, ‘ଏ ଲୋକକୁ ରଖ; ଯେବେ କୌଣସି ରୂପେ ତାହାର ସନ୍ଧାନ ନ ମିଳେ, ତେବେ ତାହାର ପ୍ରାଣ ବଦଳେ ତୁମ୍ଭର ପ୍ରାଣ ଯିବ, ନୋହିଲେ ତୁମ୍ଭେ ଏକ ତାଳନ୍ତ
\f +
\fr 20:39
\ft ପ୍ରାୟ ୩୩ କିଲୋ ରୂପା
\f* ରୂପା ଦେବ।’
\v 40 ମାତ୍ର ଆପଣଙ୍କ ଦାସ ଏଣେତେଣେ କାର୍ଯ୍ୟରେ ବ୍ୟସ୍ତ ହେବା ବେଳେ ସେ ଚାଲିଗଲା।” ତହିଁରେ ଇସ୍ରାଏଲର ରାଜା ତାହାକୁ କହିଲେ, “ତୁମ୍ଭର ସେହି ପ୍ରକାର ଦଣ୍ଡ ହେବ; ତୁମ୍ଭେ ଆପେ ତାହା ନିଷ୍ପତ୍ତି କରିଅଛ।”
\s5
\v 41 ଏଉତ୍ତାରେ ସେ ଶୀଘ୍ର ଆପଣା ଚକ୍ଷୁରୁ ପାଗ କାଢ଼ି ପକାଇଲା; ତହୁଁ ସେ ଯେ ଭବିଷ୍ୟଦ୍‍ବକ୍ତାମାନଙ୍କ ମଧ୍ୟରେ ଜଣେ, ଏହା ଇସ୍ରାଏଲର ରାଜା ଚିହ୍ନିଲେ।
\v 42 ପୁଣି, ଭବିଷ୍ୟଦ୍‍ବକ୍ତା ତାଙ୍କୁ କହିଲା, “ସଦାପ୍ରଭୁ ଏହି କଥା କହନ୍ତି, ଆମ୍ଭେ ଯେଉଁ ଲୋକକୁ ବିନାଶାର୍ଥେ ନିଯୁକ୍ତ କରିଥିଲୁ, ତୁମ୍ଭେ ତାହାକୁ ଆପଣା ହସ୍ତରୁ ଛାଡ଼ି ଦେଇଅଛ, ଏହେତୁ ତାହାର ପ୍ରାଣ ବଦଳେ ତୁମ୍ଭର ପ୍ରାଣ ଯିବ ଓ ତାହାର ଲୋକଙ୍କ ବଦଳେ ତୁମ୍ଭ ଲୋକମାନେ ଯିବେ।”
\v 43 ତହୁଁ ଇସ୍ରାଏଲର ରାଜା ବିଷଣ୍ଣ ଓ ଅତୁଷ୍ଟ ହୋଇ ଆପଣା ଗୃହକୁ ଯାଇ ଶମରୀୟାରେ ଉପସ୍ଥିତ ହେଲେ।
\s5
\c 21
\s ନାବୋତର ଦ୍ରାକ୍ଷାକ୍ଷେତ୍ର
\p
\v 1 ଏଉତ୍ତାରେ ଏହିପରି ଘଟିଲା; ଯିଷ୍ରିୟେଲରେ ଶମରୀୟାର ରାଜା ଆହାବଙ୍କର ଅଟ୍ଟାଳିକା ସନ୍ନିକଟରେ ଯିଷ୍ରିୟେଲୀୟ ନାବୋତର ଖଣ୍ଡେ ଦ୍ରାକ୍ଷାକ୍ଷେତ୍ର ଥିଲା।
\v 2 ଏଣୁ ଆହାବ ନାବୋତକୁ କହିଲେ, “ମୋତେ ତୁମ୍ଭ ଦ୍ରାକ୍ଷାକ୍ଷେତ୍ର ଦିଅ, ମୁଁ ତାହା ଶାକକ୍ଷେତ୍ର କରିବି, କାରଣ ତାହା ମୋ’ ଗୃହ ନିକଟରେ ଅଛି; ଆଉ ମୁଁ ତହିଁ ବଦଳେ ତୁମ୍ଭକୁ ତହିଁରୁ ଉତ୍ତମ ଏକ ଦ୍ରାକ୍ଷାକ୍ଷେତ୍ର ଦେବି; ଯଦି ତୁମ୍ଭକୁ ଭଲ ଦେଖାଯାଏ, ମୁଁ ରୂପା-ମୁଦ୍ରାରେ ତହିଁର ମୂଲ୍ୟ ତୁମ୍ଭକୁ ଦେବି।”
\s5
\v 3 ଏଥିରେ ନାବୋତ ଆହାବଙ୍କୁ କହିଲା, “ମୁଁ ଯେ ଆପଣା ପୈତୃକ ଅଧିକାର ଆପଣଙ୍କୁ ଦେବି, ଏହା ସଦାପ୍ରଭୁ ନ କରନ୍ତୁ।”
\v 4 ତହୁଁ ଆହାବ ଯିଷ୍ରିୟେଲୀୟ ନାବୋତର ଉକ୍ତ କଥା ସକାଶୁ ବିଷଣ୍ଣ ଓ ଅତୁଷ୍ଟ ହୋଇ ଆପଣା ଗୃହକୁ ଆସିଲେ; କାରଣ ନାବୋତ କହିଥିଲା ଯେ, “ମୁଁ ଆପଣା ପୈତୃକ ଅଧିକାର ଆପଣଙ୍କୁ ଦେବି ନାହିଁ।” ଏଣୁ ଆହାବ ଆପଣା ମୁଖ ଫେରାଇ ଶଯ୍ୟାରେ ପଡ଼ି ଭୋଜନ କରିବାକୁ ଅସମ୍ମତ ହେଲେ।
\s5
\v 5 ମାତ୍ର ତାଙ୍କ ଭାର୍ଯ୍ୟା ଈଷେବଲ୍‍ ତାଙ୍କ ନିକଟକୁ ଆସି କହିଲା, “ତୁମ୍ଭ ମନ କାହିଁକି ଏଡ଼େ ଦୁଃଖିତ ଯେ, ତୁମ୍ଭେ ଭୋଜନ କରୁନାହଁ ?”
\v 6 ତହିଁରେ ସେ ତାହାକୁ କହିଲେ, “ମୁଁ ଯିଷ୍ରିୟେଲୀୟ ନାବୋତକୁ କହିଲି, ତୁମ୍ଭେ ରୂପା-ମୁଦ୍ରା ନେଇ ମୋତେ ତୁମ୍ଭ ଦ୍ରାକ୍ଷାକ୍ଷେତ୍ର ଦିଅ; ଅବା ଯେବେ ତୁମ୍ଭର ସନ୍ତୋଷ ହୁଏ, ତେବେ ମୁଁ ତୁମ୍ଭକୁ ତହିଁ ବଦଳେ ଆଉ ଏକ ଦ୍ରାକ୍ଷାକ୍ଷେତ୍ର ଦେବି,” ମାତ୍ର ସେ ଉତ୍ତର କଲା, “ମୁଁ ତୁମ୍ଭକୁ ଆପଣା ଦ୍ରାକ୍ଷାକ୍ଷେତ୍ର ଦେବି ନାହିଁ।”
\v 7 ତହୁଁ ତାଙ୍କର ଭାର୍ଯ୍ୟା ଈଷେବଲ୍‍ ତାଙ୍କୁ କହିଲା, “ତୁମ୍ଭେ କ’ଣ ଏବେ ଇସ୍ରାଏଲର ରାଜ୍ୟ ଉପରେ କର୍ତ୍ତୃତ୍ୱ କରୁନାହଁ ? ଉଠ, ଭୋଜନ କର ଓ ତୁମ୍ଭ ମନ ଆନନ୍ଦିତ ହେଉ; ମୁଁ ତୁମ୍ଭକୁ ଯିଷ୍ରିୟେଲୀୟ ନାବୋତର ଦ୍ରାକ୍ଷାକ୍ଷେତ୍ର ଦେବି।”
\s5
\v 8 ତହୁଁ ସେ ଆହାବଙ୍କ ନାମରେ ପତ୍ର ଲେଖି ଓ ତାଙ୍କର ମୁଦ୍ରାରେ ମୁଦ୍ରାଙ୍କିତ କରି ନାବୋତର ନଗରସ୍ଥ ଓ ତାହାର ପ୍ରତିବାସୀ ପ୍ରାଚୀନ ଓ ପ୍ରଧାନ ଲୋକମାନଙ୍କ ନିକଟକୁ ସେହି ପତ୍ର ପଠାଇଲା।
\v 9 ପୁଣି, ସେହି ପତ୍ରରେ ସେ ଏହା ଲେଖିଥିଲା, ଯଥା, ଉପବାସର ଘୋଷଣା କର ଓ ଲୋକମାନଙ୍କ ମଧ୍ୟରେ ନାବୋତକୁ ଉଚ୍ଚ ସ୍ଥାନରେ ବସାଅ;
\v 10 ଆଉ ତାହା ସମ୍ମୁଖରେ ଦୁଇଗୋଟି ଦୁଷ୍ଟ ମନୁଷ୍ୟକୁ ବସାଅ ଓ ସେମାନେ ତାହା ବିରୁଦ୍ଧରେ ସାକ୍ଷ୍ୟ ଦେଇ କହନ୍ତୁ, ତୁମ୍ଭେ ପରମେଶ୍ୱରଙ୍କୁ ଓ ରାଜାଙ୍କୁ ଅଭିଶାପ ଦେଇଅଛ। ତହିଁ ଉତ୍ତାରେ ତାହାକୁ ବାହାରକୁ ନେଇ ପ୍ରସ୍ତରାଘାତ କରି ବଧ କର।
\s5
\v 11 ତହୁଁ ନାବୋତର ନଗରସ୍ଥ ଲୋକମାନଙ୍କୁ, ଅର୍ଥାତ୍‍, ତାହାର ନଗର ନିବାସୀ ପ୍ରାଚୀନ ଓ ପ୍ରଧାନବର୍ଗଙ୍କୁ ଈଷେବଲ୍‍ ଯେପରି କହି ପଠାଇଥିଲା ଓ ତାହାର ପ୍ରେରିତ ପତ୍ରରେ ଯେପରି ଲେଖାଥିଲା, ତଦନୁସାରେ ସେମାନେ କର୍ମ କଲେ।
\v 12 ସେମାନେ ଉପବାସର ଘୋଷଣା କଲେ ଓ ନାବୋତକୁ ଲୋକମାନଙ୍କ ମଧ୍ୟରେ ଉଚ୍ଚ ସ୍ଥାନରେ ବସାଇଲେ।
\v 13 ଆଉ ଦୁଇଗୋଟି ଦୁଷ୍ଟ ମନୁଷ୍ୟ ଆସି ତାହା ସମ୍ମୁଖରେ ବସିଲେ; ପୁଣି, ସେହି ପାପାଧମ ମନୁଷ୍ୟମାନେ ଲୋକମାନଙ୍କ ସାକ୍ଷାତରେ ନାବୋତ ବିରୁଦ୍ଧରେ ସାକ୍ଷ୍ୟ ଦେଇ କହିଲେ, “ନାବୋତ ପରମେଶ୍ୱରଙ୍କୁ ଓ ରାଜାଙ୍କୁ ଅଭିଶାପ ଦେଇଅଛି।” ତହୁଁ ସେମାନେ ତାହାକୁ ନଗରର ବାହାରକୁ ନେଇଯାଇ ପ୍ରସ୍ତରାଘାତ କରି ବଧ କଲେ।
\v 14 ତହିଁ ଉତ୍ତାରେ ସେମାନେ ଈଷେବଲ୍‍ ନିକଟକୁ କହି ପଠାଇଲେ, ନାବୋତ ପ୍ରସ୍ତରାଘାତରେ ମରିଅଛି।
\s5
\v 15 ଏଥିରେ ଈଷେବଲ୍‍, ପ୍ରସ୍ତରାଘାତରେ ନାବୋତର ମରିଥିବା ବିଷୟ ଶୁଣନ୍ତେ, ଈଷେବଲ୍‍ ଆହାବଙ୍କୁ କହିଲା, “ଉଠ, ଯିଷ୍ରିୟେଲୀୟ ନାବୋତ ରୂପା-ମୁଦ୍ରାରେ ତୁମ୍ଭକୁ ଯେଉଁ ଦ୍ରାକ୍ଷାକ୍ଷେତ୍ର ଦେବାକୁ ମନା କଲା, ତାହା ଅଧିକାରରେ ଆଣ; କାରଣ ନାବୋତ ଜୀବିତ ନାହିଁ, ମାତ୍ର ମଲାଣି।”
\v 16 ସେତେବେଳେ ଆହାବ ନାବୋତର ମରଣ କଥା ଶୁଣନ୍ତେ, ଆହାବ ଉଠି ଯିଷ୍ରିୟେଲୀୟ ନାବୋତର ଦ୍ରାକ୍ଷାକ୍ଷେତ୍ର ଅଧିକାରରେ ଆଣିବା ପାଇଁ ଗଲେ।
\s ଆହାବଙ୍କୁ ଈଶ୍ୱରଙ୍କ ଅଭିଶାପ
\p
\s5
\v 17 ଏଥିଉତ୍ତାରେ ତିଶ୍‍ବୀୟ ଏଲୀୟଙ୍କ ନିକଟରେ ସଦାପ୍ରଭୁଙ୍କର ବାକ୍ୟ ଉପସ୍ଥିତ ହେଲା, ଯଥା,
\v 18 ଉଠ, ଶମରୀୟା-ନିବାସୀ ଇସ୍ରାଏଲର ରାଜା ଆହାବ ସଙ୍ଗେ ସାକ୍ଷାତ କରିବାକୁ ଯାଅ; ଦେଖ, ସେ ନାବୋତର ଦ୍ରାକ୍ଷାକ୍ଷେତ୍ରରେ ଅଛି, ସେ ତାହା ଅଧିକାରରେ ଆଣିବା ପାଇଁ ସେସ୍ଥାନକୁ ଯାଇଅଛି।
\s5
\v 19 ଏହେତୁ ତୁମ୍ଭେ ତାହାକୁ କହିବ, “ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେ କି ବଧ କରିଅଛ ଓ ଅଧିକାର ମଧ୍ୟ ଆତ୍ମସାତ୍‍ କରିଅଛ ?” ଆହୁରି ତୁମ୍ଭେ ତାହାକୁ କହିବ, “ସଦାପ୍ରଭୁ ଏହି କଥା କହନ୍ତି, ଯେଉଁ ସ୍ଥାନରେ କୁକ୍କୁରମାନେ ନାବୋତର ରକ୍ତ ଚାଟି ଖାଇଲେ, ସେହି ସ୍ଥାନରେ କୁକ୍କୁରମାନେ ତୁମ୍ଭର ରକ୍ତ ମଧ୍ୟ ଚାଟି ଖାଇବେ।”
\v 20 ତହିଁରେ ଆହାବ ଏଲୀୟଙ୍କୁ କହିଲେ, “ହେ ମୋହର ଶତ୍ରୁ, ତୁମ୍ଭେ କ’ଣ ମୋତେ ପାଇଲ ?” ତହୁଁ ସେ ଉତ୍ତର କଲେ, “ମୁଁ ତୁମ୍ଭକୁ ପାଇଲି; ଯେହେତୁ ସଦାପ୍ରଭୁଙ୍କ ଦୃଷ୍ଟିରେ ମନ୍ଦ କର୍ମ କରିବା ପାଇଁ ତୁମ୍ଭେ ଆପଣାକୁ ବିକ୍ରିି କରିଅଛ।
\s5
\v 21 ଦେଖ, ମୁଁ ତୁମ୍ଭ ପ୍ରତି ଅମଙ୍ଗଳ ଘଟାଇବି ଓ ତୁମ୍ଭକୁ ନିଃଶେଷ ରୂପେ ବିନାଶ କରିବି, ପୁଣି, ଇସ୍ରାଏଲ ମଧ୍ୟରେ ବଦ୍ଧ ବା ମୁକ୍ତ ପ୍ରତ୍ୟେକ ପୁଂସନ୍ତାନକୁ ଆହାବଠାରୁ ଉଚ୍ଛିନ୍ନ କରିବି।
\v 22 ପୁଣି, ତୁମ୍ଭେ ଯେଉଁ ବିରକ୍ତିଜନକ କର୍ମ ଦ୍ୱାରା ମୋତେ ବିରକ୍ତ କରିଅଛ ଓ ଇସ୍ରାଏଲକୁ ପାପ କରାଇଅଛ, ତହିଁ ନିମନ୍ତେ ମୁଁ ତୁମ୍ଭ ବଂଶକୁ ନବାଟର ପୁତ୍ର ଯାରବୀୟାମର ବଂଶ ତୁଲ୍ୟ ଓ ଅହୀୟର ପୁତ୍ର ବାଶାର ବଂଶ ତୁଲ୍ୟ କରିବି।
\s5
\v 23 ଆଉ ଈଷେବଲ୍‍ ବିଷୟରେ ମଧ୍ୟ ସଦାପ୍ରଭୁ କହୁଅଛନ୍ତି, ଯିଷ୍ରିୟେଲର ଗଡ଼-ପାଚେରୀ ନିକଟରେ କୁକ୍କୁରମାନେ ଈଷେବଲ୍‍କୁ ଖାଇବେ।”
\v 24 ଆହାବର ଯେଉଁ ଲୋକ ନଗରରେ ମରିବ, କୁକ୍କୁରମାନେ ତାହାକୁ ଖାଇବେ; ପୁଣି, ଯେଉଁ ଲୋକ କ୍ଷେତ୍ରରେ ମରିବ, ଆକାଶର ପକ୍ଷୀଗଣ ତାହାକୁ ଖାଇବେ।
\s5
\v 25 ଯେପରି ଏହି ଆହାବ ଆପଣା ଭାର୍ଯ୍ୟା ଈଷେବଲ୍‍ ଦ୍ୱାରା ପ୍ରବର୍ତ୍ତିତ ହୋଇ ସଦାପ୍ରଭୁଙ୍କ ଦୃଷ୍ଟିରେ ମନ୍ଦ କର୍ମ କରିବା ପାଇଁ ଆପଣାକୁ ବିକ୍ରୟ କଲେ, ସେପରି ଆଉ କେହି କରିବ ନାହିଁ।
\v 26 ସଦାପ୍ରଭୁ ଯେଉଁ ଇମୋରୀୟମାନଙ୍କୁ ଇସ୍ରାଏଲ ସନ୍ତାନଗଣ ସମ୍ମୁଖରୁ ଦୂର କରିଦେଲେ, ସେମାନଙ୍କ ସମସ୍ତ କ୍ରିୟାନୁସାରେ ସେ ପ୍ରତିମାଗଣର ଅନୁଗାମୀ ହୋଇ ଅତିଶୟ ଘୃଣାଯୋଗ୍ୟ କର୍ମ କଲେ।
\s5
\v 27 ଆହାବ ଏହିସବୁ କଥା ଶୁଣନ୍ତେ, ଆପଣା ବସ୍ତ୍ର ଚିରିଲେ ଓ ଆପଣା ଦେହରେ ଅଖା ପିନ୍ଧି ଉପବାସ କରି ଅଖାରେ ଶୋଇଲେ, ପୁଣି, ଧୀରେ ଧୀରେ ଚାଲିଲେ।
\v 28 ତହୁଁ ତିଶ୍‍ବୀୟ ଏଲୀୟଙ୍କ ନିକଟରେ ସଦାପ୍ରଭୁଙ୍କ ବାକ୍ୟ ଉପସ୍ଥିତ ହେଲା, ଯଥା,
\v 29 ଆହାବ ଆମ୍ଭ ସାକ୍ଷାତରେ କିପରି ଆପଣାକୁ ନମ୍ର କରୁଅଛି, “ଏହା କି ତୁମ୍ଭେ ଦେଖୁଅଛ ? ସେ ଆମ୍ଭ ସାକ୍ଷାତରେ ଆପଣାକୁ ନମ୍ର କରିବା ହେତୁ ଆମ୍ଭେ ତାହାର ସମୟରେ ସେହି ଅମଙ୍ଗଳ ଘଟାଇବା ନାହିଁ; ମାତ୍ର ତାହାର ପୁତ୍ରର ସମୟରେ ତାହାର ବଂଶ ପ୍ରତି ଏହି ଅମଙ୍ଗଳ ଘଟାଇବା।”
\s5
\c 22
\s ଆହାବଙ୍କୁ ମୀଖାୟଙ୍କ ଚେତାବନୀ
\p
\v 1 ଏଥିଉତ୍ତାରେ ଅରାମ ଓ ଇସ୍ରାଏଲ ଯୁଦ୍ଧ ନ କରି ତିନି ବର୍ଷ ପର୍ଯ୍ୟନ୍ତ କ୍ଷାନ୍ତ ରହିଲେ।
\v 2 ତହୁଁ ତୃତୀୟ ବର୍ଷରେ ଯିହୁଦାର ରାଜା ଯିହୋଶାଫଟ୍‍ ଇସ୍ରାଏଲର ରାଜାଙ୍କ ନିକଟକୁ ଆସିଲେ।
\s5
\v 3 ଏଥିରେ ଇସ୍ରାଏଲର ରାଜା ଆପଣା ଦାସମାନଙ୍କୁ କହିଲେ, “ରାମୋତ୍‍-ଗିଲୀୟଦ ଯେ ଆମ୍ଭମାନଙ୍କର ଅଟେ, ଏହା କ’ଣ ତୁମ୍ଭେମାନେ ଜାଣ ନାହିଁ ? ତଥାପି ଆମ୍ଭେମାନେ ନୀରବ ହୋଇ ରହି ଅରାମର ରାଜା ହସ୍ତରୁ ତାହା ନେଉ ନାହୁଁ।”
\v 4 ପୁଣି, ସେ ଯିହୋଶାଫଟ୍‍ଙ୍କୁ କହିଲେ, “ତୁମ୍ଭେ କ’ଣ ଯୁଦ୍ଧ କରିବା ପାଇଁ ମୋ’ ସଙ୍ଗେ ରାମୋତ୍‍-ଗିଲୀୟଦକୁ ଯିବ ?” ତହିଁରେ ଯିହୋଶାଫଟ୍‍ ଇସ୍ରାଏଲର ରାଜାଙ୍କୁ କହିଲେ; “ମୁଁ ତୁମ୍ଭ ପରି, ମୋର ଲୋକ ତୁମ୍ଭ ଲୋକ ପରି, ମୋର ଅଶ୍ୱ ତୁମ୍ଭ ଅଶ୍ୱ ପରି।”
\s5
\v 5 ଆହୁରି ଯିହୋଶାଫଟ୍‍ ଇସ୍ରାଏଲର ରାଜାଙ୍କୁ କହିଲେ, “ମୁଁ ବିନୟ କରୁଅଛି, ଆଜି ସଦାପ୍ରଭୁଙ୍କ ବାକ୍ୟ ପଚାର।”
\v 6 ତେବେ ଇସ୍ରାଏଲର ରାଜା ଭବିଷ୍ୟଦ୍‍ବକ୍ତାମାନଙ୍କର ଊଣାଧିକ ଚାରିଶହ ଲୋକ ଏକତ୍ର କରି ସେମାନଙ୍କୁ ପଚାରିଲେ, “ମୁଁ ରାମୋତ୍‍-ଗିଲୀୟଦ ବିରୁଦ୍ଧରେ ଯୁଦ୍ଧ କରିବାକୁ ଯିବି କି କ୍ଷାନ୍ତ ହେବି ?” ତହୁଁ ସେମାନେ କହିଲେ, “ଯାଉନ୍ତୁ; କାରଣ ପ୍ରଭୁ ମହାରାଜାଙ୍କ ହସ୍ତରେ ତାହା ସମର୍ପଣ କରିବେ।”
\s5
\v 7 ମାତ୍ର ଯିହୋଶାଫଟ୍‍ କହିଲେ, “ଏମାନଙ୍କ ବ୍ୟତୀତ ଯାହାକୁ ଆମ୍ଭେମାନେ ପଚାରି ପାରୁ, ସଦାପ୍ରଭୁଙ୍କର ଏପରି ଭବିଷ୍ୟଦ୍‍ବକ୍ତା କି କେହି ଏଠାରେ ନାହିଁ ?”
\v 8 ତହିଁରେ ଇସ୍ରାଏଲର ରାଜା ଯିହୋଶାଫଟ୍‍ଙ୍କୁ କହିଲେ, “ଆଉ ଜଣେ ଅଛନ୍ତି, ଯାହା ଦ୍ୱାରା ଆମ୍ଭେମାନେ ସଦାପ୍ରଭୁଙ୍କୁ ପଚାରି ପାରୁ, ସେ ଇମ୍ଲର ପୁତ୍ର ମୀଖାୟ; ମାତ୍ର ମୁଁ ତାହାକୁ ଘୃଣା କରେ; କାରଣ ସେ ମୋ’ ବିଷୟରେ ଅମଙ୍ଗଳ ବିନା ମଙ୍ଗଳର ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରେ ନାହିଁ।” ତହୁଁ ଯିହୋଶାଫଟ୍‍ କହିଲେ, “ରାଜା ଏପରି ନ କହନ୍ତୁ।”
\v 9 ସେତେବେଳେ ଇସ୍ରାଏଲର ରାଜା ଏକ ଅଧ୍ୟକ୍ଷକୁ ଡାକି କହିଲେ, “ଇମ୍ଲର ପୁତ୍ର ମୀଖାୟକୁ ଶୀଘ୍ର ଆଣ।”
\s5
\v 10 ଏଥି ମଧ୍ୟରେ ଇସ୍ରାଏଲର ରାଜା ଓ ଯିହୁଦାର ରାଜା ଯିହୋଶାଫଟ୍‍ ଆପଣାମାନଙ୍କ ରାଜବସ୍ତ୍ର ପିନ୍ଧି ଶମରୀୟାର ଦ୍ୱାର-ପ୍ରବେଶ-ସ୍ଥାନ ନିକଟବର୍ତ୍ତୀ ମେଲାରେ ଆପଣା ଆପଣା ସିଂହାସନରେ ବସିଥିଲେ; ଆଉ ସେମାନଙ୍କ ସମ୍ମୁଖରେ ଭବିଷ୍ୟଦ୍‍ବକ୍ତା ସମସ୍ତେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରୁଥିଲେ।
\v 11 ଆଉ କନାନାର ପୁତ୍ର ସିଦିକୀୟ ଲୌହମୟ ଶୃଙ୍ଗମାନ ନିର୍ମାଣ କରି କହିଲା, “ସଦାପ୍ରଭୁ ଏହି କଥା କହନ୍ତି, ଏତଦ୍ଦ୍ୱାରା ଆପଣ ଅରାମୀୟମାନଙ୍କୁ ସଂହାର କରିବା ପର୍ଯ୍ୟନ୍ତ ଭୁସି ପକାଇବେ।”
\v 12 ତହିଁରେ ସବୁ ଭବିଷ୍ୟଦ୍‍ବକ୍ତା ତଦ୍ରୁପ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରି କହିଲେ, “ରାମୋତ୍‍-ଗିଲୀୟଦକୁ ଯାଇ କୃତକାର୍ଯ୍ୟ ହେଉନ୍ତୁ; କାରଣ ସଦାପ୍ରଭୁ ତାହା ମହାରାଜଙ୍କ ହସ୍ତରେ ସମର୍ପଣ କରିବେ।”
\s5
\v 13 ଯେଉଁ ଦୂତ ମୀଖାୟକୁ ଡାକିବାକୁ ଯାଇଥିଲା, ସେ ତାହାକୁ କହିଲା, “ଦେଖ, ଭବିଷ୍ୟଦ୍‍ବକ୍ତାମାନଙ୍କର ବାକ୍ୟ ଏକ ମୁଖରେ ରାଜାଙ୍କର ମଙ୍ଗଳ ପ୍ରକାଶ କରୁଅଛି; ମୁଁ ବିନୟ କରୁଅଛି, ତୁମ୍ଭର ବାକ୍ୟ ସେମାନଙ୍କର ଜଣକର ବାକ୍ୟ ତୁଲ୍ୟ ହେଉ, ଆଉ ତୁମ୍ଭେ ମଙ୍ଗଳର କଥା କୁହ।”
\v 14 ତହୁଁ ମୀଖାୟ କହିଲା, “ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ସଦାପ୍ରଭୁ ମୋତେ ଯାହା କହିବେ, ମୁଁ ତାହା ହିଁ କହିବି।”
\v 15 ଏଉତ୍ତାରେ ମୀଖାୟ ରାଜାଙ୍କ ନିକଟକୁ ଆସନ୍ତେ, ରାଜା ତାହାକୁ କହିଲେ, “ମୀଖାୟ, ଆମ୍ଭେମାନେ ଯୁଦ୍ଧ କରିବା ପାଇଁ ରାମୋତ୍‍-ଗିଲୀୟଦକୁ ଯିବା କି କ୍ଷାନ୍ତ ହେବା ?” ତହିଁରେ ସେ ଉତ୍ତର କଲା, “ଯାଉନ୍ତୁ, କୃତକାର୍ଯ୍ୟ ହେଉନ୍ତୁ; ସଦାପ୍ରଭୁ ତାହା ମହାରାଜଙ୍କ ହସ୍ତରେ ସମର୍ପଣ କରିବେ।”
\s5
\v 16 ତହୁଁ ରାଜା ତାହାକୁ କହିଲେ, “ତୁମ୍ଭେ ସଦାପ୍ରଭୁଙ୍କ ନାମରେ ସତ୍ୟ ବିନୁ ଆଉ କିଛି ମୋତେ ନ କୁହ ବୋଲି ମୁଁ କେତେ ଥର ତୁମ୍ଭକୁ ଶପଥ କରାଇବି ?”
\v 17 ଏଥିରେ ସେ କହିଲା, “ମୁଁ ସମଗ୍ର ଇସ୍ରାଏଲକୁ ଅରକ୍ଷକ ମେଷପଲ ତୁଲ୍ୟ ପର୍ବତମାନରେ ଛିନ୍ନଭିନ୍ନ ଦେଖିଲି,” ଆଉ ସଦାପ୍ରଭୁ କହିଲେ, “ଏମାନଙ୍କର କର୍ତ୍ତା ନାହିଁ; ଏମାନେ ପ୍ରତ୍ୟେକେ କୁଶଳରେ ଆପଣା ଆପଣା ଗୃହକୁ ଫେରି ଯାଉନ୍ତୁ।”
\s5
\v 18 ତହୁଁ ଇସ୍ରାଏଲର ରାଜା ଯିହୋଶାଫଟ୍‍ଙ୍କୁ କହିଲେ, “ଏ ଆମ୍ଭ ବିଷୟରେ ଅମଙ୍ଗଳ ବିନା ମଙ୍ଗଳର ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରିବ ନାହିଁ ବୋଲି କି ମୁଁ ତୁମ୍ଭକୁ କହିଲି ନାହିଁ ?”
\v 19 ପୁଣି, ମୀଖାୟ କହିଲା, “ଏହେତୁ ତୁମ୍ଭେ ସଦାପ୍ରଭୁଙ୍କ ବାକ୍ୟ ଶୁଣ; ମୁଁ ସଦାପ୍ରଭୁଙ୍କୁ ତାହାଙ୍କ ସିଂହାସନରେ ଉପବିଷ୍ଟ ଓ ତାହାଙ୍କ ଦକ୍ଷିଣ ଓ ବାମ ହସ୍ତରେ ତାହାଙ୍କ ନିକଟରେ ସ୍ୱର୍ଗୀୟ ସମୁଦାୟ ସୈନ୍ୟଙ୍କୁ ଉଭା ହେବାର ଦେଖିଲି।”
\v 20 ତହିଁରେ ସଦାପ୍ରଭୁ କହିଲେ, “ଆହାବ ଯେପରି ରାମୋତ୍‍-ଗିଲୀୟଦକୁ ଯାଇ ପତିତ ହେବ, ଏଥିପାଇଁ କିଏ ତାହାକୁ ଫୁସଲାଇବ ?” ତହିଁରେ ଜଣେ ଏପ୍ରକାର, ଅନ୍ୟ ଜଣେ ସେପ୍ରକାର କହିଲେ।
\s5
\v 21 ତହିଁ ଉତ୍ତାରେ ଏକ ଆତ୍ମା ବାହାରି ସଦାପ୍ରଭୁଙ୍କ ସମ୍ମୁଖରେ ଠିଆ ହୋଇ କହିଲା, “ମୁଁ ତାହାକୁ ଫୁସଲାଇବି।”
\v 22 ତହୁଁ ସଦାପ୍ରଭୁ ତାହାକୁ କହିଲେ, “କାହିଁରେ ?” ସେ କହିଲା, “ମୁଁ ଯାଇ ତାହାର ସମସ୍ତ ଭବିଷ୍ୟଦ୍‍ବକ୍ତାଙ୍କ ମୁଖରେ ମିଥ୍ୟାବାଦୀ ଆତ୍ମା ହେବି।” ତେବେ ସେ କହିଲେ, “ତୁମ୍ଭେ ତାହାକୁ ଫୁସଲାଇବ, ମଧ୍ୟ କୃତକାର୍ଯ୍ୟ ହେବ; ଯାଅ, ସେପରି କର।
\v 23 ଏହେତୁ ଦେଖ, ସଦାପ୍ରଭୁ ତୁମ୍ଭର ଏସମସ୍ତ ଭବିଷ୍ୟଦ୍‍ବକ୍ତାଙ୍କ ମୁଖରେ ମିଥ୍ୟାବାଦୀ ଆତ୍ମା ଦେଇଅଛନ୍ତି; ସଦାପ୍ରଭୁ ତୁମ୍ଭ ବିଷୟରେ ଅମଙ୍ଗଳର କଥା କହିଅଛନ୍ତି।”
\s5
\v 24 ସେତେବେଳେ କନାନାର ପୁତ୍ର ସିଦିକୀୟ ନିକଟକୁ ଆସି ମୀଖାୟର ଗାଲରେ ଚାପୁଡ଼ା ମାରି କହିଲା, “ସଦାପ୍ରଭୁଙ୍କ ଆତ୍ମା ତୋତେ କହିବା ପାଇଁ ମୋ’ଠାରୁ କେଉଁ ବାଟେ ଗଲେ ?”
\v 25 ତହିଁରେ ମୀଖାୟ କହିଲା, “ଦେଖ, ଯେଉଁ ଦିନ ତୁମ୍ଭେ ଆପଣାକୁ ଲୁଚାଇବା ପାଇଁ ଗୋଟିଏ ଭିତର କୋଠରିକି ଯିବ, ସେହି ଦିନ ତାହା ଜାଣିବ।”
\s5
\v 26 ପୁଣି, ଇସ୍ରାଏଲର ରାଜା କହିଲେ, “ମୀଖାୟକୁ ଧରି ନଗରାଧ୍ୟକ୍ଷ ଆମୋନ୍‍ର ଓ ରାଜପୁତ୍ର ଯୋୟାଶ୍‍ର ନିକଟକୁ ଫେରାଇ ନେଇଯାଅ;
\v 27 ପୁଣି, କୁହ, ରାଜା ଏହି କଥା କହନ୍ତି, ଏଇଟାକୁ କାରାଗାରରେ ରଖ ଓ ମୁଁ କୁଶଳରେ ଫେରି ଆସିବା ପର୍ଯ୍ୟନ୍ତ ତାକୁ କେବଳ ଅଳ୍ପ ଅନ୍ନ ଓ ଅଳ୍ପ ଜଳ ଖୁଆଅ
\f +
\fr 22:27
\fq କେବଳ ଅଳ୍ପ ଅନ୍ନ ଓ ଅଳ୍ପ ଜଳ ଖୁଆଅ
\ft ଏବ୍ରୀ ଭାଷାରେ ଦୁଃଖରୂପ ଅନ୍ନ ଓ ଦୁଃଖରୂପ ଜଳ
\f* ।”
\v 28 ତହିଁରେ ମୀଖାୟ କହିଲା, “ଯଦି ତୁମ୍ଭେ କୁଶଳରେ ଫେରି ଆସ, ତେବେ ସଦାପ୍ରଭୁ ମୋ’ ଦ୍ୱାରା କହି ନାହାନ୍ତି।” ଆହୁରି ସେ କହିଲା, “ହେ ଲୋକମାନେ, ତୁମ୍ଭେ ସମସ୍ତେ ଶୁଣ।”
\s ଆହାବଙ୍କ ମୃତ୍ୟୁୁ
\p
\s5
\v 29 ଏଥିଉତ୍ତାରେ ଇସ୍ରାଏଲର ରାଜା ଓ ଯିହୁଦାର ଯିହୋଶାଫଟ୍‍ ରାଜା ରାମୋତ୍‍-ଗିଲୀୟଦକୁ ଗଲେ।
\v 30 ପୁଣି, ଇସ୍ରାଏଲର ରାଜା ଯିହୋଶାଫଟ୍‍ଙ୍କୁ କହିଲେ, “ମୁଁ ଛଦ୍ମବେଶ ଧରି ଯୁଦ୍ଧକୁ ଯିବି; ମାତ୍ର ତୁମ୍ଭେ ଆପଣା ରାଜବସ୍ତ୍ର ପିନ୍ଧ। ଆଉ ଇସ୍ରାଏଲର ରାଜା ଛଦ୍ମବେଶ ଧରି ଯୁଦ୍ଧକୁ ଗଲେ।”
\s5
\v 31 ମାତ୍ର ଅରାମର ରାଜା ଆପଣାର ବତିଶ ରଥାଧ୍ୟକ୍ଷଙ୍କୁ ଆଜ୍ଞା ଦେଇ କହିଥିଲେ, “ତୁମ୍ଭେମାନେ କେବଳ ଇସ୍ରାଏଲର ରାଜା ଛଡ଼ା ସାନ କି ବଡ଼ କାହା ସଙ୍ଗେ ଯୁଦ୍ଧ ନ କର।”
\v 32 ଏହେତୁ ରଥାଧ୍ୟକ୍ଷମାନେ ଯିହୋଶାଫଟ୍‍ଙ୍କୁ ଦେଖି କହିଲେ, “ଏ ଅବଶ୍ୟ ଇସ୍ରାଏଲର ରାଜା; ଆଉ ସେମାନେ ତାଙ୍କ ସଙ୍ଗେ ଯୁଦ୍ଧ କରିବା ପାଇଁ ତାଙ୍କ ଆଡ଼କୁ ଫେରିଲେ; ତହିଁରେ ଯିହୋଶାଫଟ୍‍ ଡାକ ପକାଇଲେ।”
\v 33 ତହୁଁ ସେ ଇସ୍ରାଏଲର ରାଜା ନୁହନ୍ତି ବୋଲି ରଥାଧ୍ୟକ୍ଷମାନେ ଦେଖି ତାଙ୍କୁ ଗୋଡ଼ାଇବାରୁ ଫେରିଗଲେ।
\s5
\v 34 ଏପରି ସମୟରେ ଜଣେ ସନ୍ଧାନ ବିନା ଧନୁର୍ଗୁଣ ଟାଣି ଇସ୍ରାଏଲ ରାଜାଙ୍କ ସାଞ୍ଜୁଆର ଯୋଡ଼ ମଧ୍ୟରେ ଆଘାତ କଲା; ତେଣୁ ସେ ଆପଣା ସାରଥିକି କହିଲେ, “ତୁମ୍ଭେ ଆପଣା ହାତ ଫେରାଇ ସୈନ୍ୟ ମଧ୍ୟରୁ ମୋତେ ନେଇଯାଅ; କାରଣ ମୁଁ ଅତିଶୟ ଆଘାତ ପାଇଲି।”
\s5
\v 35 ସେଦିନ ଯୁଦ୍ଧ ପ୍ରବଳ ହେଲା; ପୁଣି, ଲୋକମାନେ ଅରାମୀୟମାନଙ୍କ ସମ୍ମୁଖରେ ରାଜାଙ୍କୁ ତାଙ୍କର ରଥରେ ଠିଆ କରି ରଖିଲେ, ଆଉ ସେ ସନ୍ଧ୍ୟା ବେଳେ ମଲେ; ପୁଣି, ତାଙ୍କର କ୍ଷତର ରକ୍ତ ରଥ ଗର୍ଭରେ ବହି ପଡ଼ିଲା।
\v 36 ଆଉ ପ୍ରତ୍ୟେକେ ଆପଣା ନଗରକୁ ଓ ଆପଣା ଦେଶକୁ ଯାଅ, ଏହି ଡାକ ପ୍ରାୟ ସୂର୍ଯ୍ୟାସ୍ତ ସମୟରେ ସୈନ୍ୟମାନଙ୍କର ସର୍ବତ୍ର ବ୍ୟାପିଗଲା।
\s5
\v 37 ଏହିରୂପେ ରାଜା ମଲେ ଓ ଶମରୀୟାକୁ ଅଣାଗଲେ; ପୁଣି, ଲୋକମାନେ ରାଜାଙ୍କୁ ଶମରୀୟାରେ କବର ଦେଲେ।
\v 38 ଆଉ ସେମାନେ ଶମରୀୟାର ପୁଷ୍କରିଣୀ ନିକଟରେ ରଥ ଧୋଇଲେ; ତହିଁରେ ସଦାପ୍ରଭୁଙ୍କ ଉକ୍ତ ବାକ୍ୟାନୁସାରେ କୁକ୍କୁରମାନେ ତାଙ୍କର ରକ୍ତ ଚାଟି ଖାଇଲେ। ଏହି ସ୍ଥାନରେ ବେଶ୍ୟାମାନେ ସ୍ନାନ କରନ୍ତି।
\s5
\v 39 ଏହି ଆହାବଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ତାଙ୍କର ସମସ୍ତ କ୍ରିୟା ଓ ତାଙ୍କର ନିର୍ମିତ ହସ୍ତୀଦନ୍ତମୟ ଗୃହ ଓ ଯେ ଯେ ନଗର ସେ ନିର୍ମାଣ କରିଥିଲେ, ତାହାସବୁ କ’ଣ ଇସ୍ରାଏଲ ରାଜାଗଣଙ୍କର ଇତିହାସ ପୁସ୍ତକରେ ଲେଖା ନାହିଁ ?
\v 40 ଏହିରୂପେ ଆହାବଙ୍କ ମୃତ୍ୟୁ ପରେ ଓ ତାହାଙ୍କ ପୁତ୍ର ଅହସୀୟ ତାହାଙ୍କ ପଦରେ ରାଜ୍ୟ କଲେ।
\s ଯିହୁଦାର ରାଜା ଯିହୋଶାଫଟ୍‍
\p
\s5
\v 41 ଇସ୍ରାଏଲର ରାଜା ଆହାବଙ୍କ ରାଜତ୍ଵର ଚତୁର୍ଥ ବର୍ଷରେ ଆସାଙ୍କର ପୁତ୍ର ଯିହୋଶାଫଟ୍‍ ଯିହୁଦା ଉପରେ ରାଜତ୍ଵ କରିବାକୁ ଆରମ୍ଭ କଲେ।
\v 42 ରାଜ୍ୟ କରିବାର ଆରମ୍ଭରେ ଯିହୋଶାଫଟ୍‍ଙ୍କର ବୟସ ପଞ୍ଚତିରିଶ ବର୍ଷ ହୋଇଥିଲା ଓ ସେ ଯିରୂଶାଲମରେ ପଚିଶ ବର୍ଷ ରାଜ୍ୟ କଲେ। ତାଙ୍କର ମାତାର ନାମ ଅସୂବା, ସେ ଶିଲ୍‍ହିର କନ୍ୟା।
\s5
\v 43 ଯିହୋଶାଫଟ୍‍ ଆପଣା ପିତା ଆସାଙ୍କର ସମସ୍ତ ପଥରେ ଚାଲିଲେ; ସେ ତହିଁରୁ ବିମୁଖ ନୋହି ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହା ଯଥାର୍ଥ, ତାହା କଲେ; ତଥାପି ଉଚ୍ଚସ୍ଥଳୀମାନ ଉଚ୍ଛିନ୍ନ ନୋହିଲା; ଲୋକମାନେ ସେସମୟରେ ହେଁ ଉଚ୍ଚସ୍ଥଳୀମାନରେ ବଳିଦାନ କଲେ ଓ ଧୂପ ଜ୍ୱଳାଇଲେ।
\v 44 ପୁଣି, ଯିହୋଶାଫଟ୍‍ ଇସ୍ରାଏଲର ରାଜାଙ୍କ ସଙ୍ଗେ ସନ୍ଧି ସ୍ଥାପନ କଲେ।
\s5
\v 45 ଏହି ଯିହୋଶାଫଟ୍‍ଙ୍କ ଅବଶିଷ୍ଟ ବୃତ୍ତାନ୍ତ ଓ ତାଙ୍କର ପ୍ରକାଶିତ ପରାକ୍ରମ ଓ ସେ କିପ୍ରକାର ଯୁଦ୍ଧ କଲେ, ତାହାସବୁ କ’ଣ ଯିହୁଦାର ରାଜାମାନଙ୍କର ଇତିହାସ ପୁସ୍ତକରେ ଲେଖା ନାହିଁ ?
\v 46 ତାଙ୍କର ପିତା ଆସାଙ୍କର ସମୟରେ ଯେଉଁ ସଦୋମୀମାନେ ଅବଶିଷ୍ଟ ରହିଥିଲେ, ସେମାନଙ୍କୁ ସେ ଦେଶରୁ ଦୂର କରି ଦେଲେ।
\v 47 ସେହି ସମୟରେ ଇଦୋମରେ କେହି ରାଜା ନ ଥିଲା; ଜଣେ ପ୍ରତିନିଧି ରାଜ୍ୟ କଲା।
\s5
\v 48 ଯିହୋଶାଫଟ୍‍ ସୁନା ପାଇଁ ଓଫୀରକୁ ଯିବା ସକାଶେ ତର୍ଶୀଶର ଜାହାଜମାନ ନିର୍ମାଣ କଲେ; ମାତ୍ର ତାହାସବୁ ଗଲା ନାହିଁ; କାରଣ ଇତ୍‍ସିୟୋନ-ଗେବରରେ ଜାହାଜମାନ ଭାଙ୍ଗିଗଲା।
\v 49 ତେବେ ଆହାବଙ୍କର ପୁତ୍ର ଅହସୀୟ ଯିହୋଶାଫଟ୍‍ଙ୍କୁ କହିଲେ, “ମୋ’ ଦାସମାନେ ତୁମ୍ଭ ଦାସମାନଙ୍କ ସଙ୍ଗେ ଜାହାଜରେ ଯାଉନ୍ତୁ।” ମାତ୍ର ଯିହୋଶାଫଟ୍‍ ସମ୍ମତ ହେଲେ ନାହିଁ।
\v 50 ଏଥିଉତ୍ତାରେ ଯିହୋଶାଫଟ୍‍ ଆପଣା ପିତୃଗଣ ସହିତ ଶୟନ କରି ଆପଣା ପୂର୍ବପୁରୁଷ ଦାଉଦଙ୍କର ନଗରରେ ଆପଣା ପିତୃଲୋକଙ୍କ ସହିତ କବରପ୍ରାପ୍ତ ହେଲେ; ତହୁଁ ତାଙ୍କର ପୁତ୍ର ଯିହୋରାମ୍‍ ତାଙ୍କର ପଦରେ ରାଜ୍ୟ କଲେ।
\s ଇସ୍ରାଏଲ ରାଜା ଅହସୀୟ
\p
\s5
\v 51 ଯିହୁଦାର ରାଜା ଯିହୋଶାଫଟ୍‍ଙ୍କ ରାଜତ୍ଵର ସତର ବର୍ଷରେ ଆହାବଙ୍କର ପୁତ୍ର ଅହସୀୟ ଶମରୀୟାରେ ଇସ୍ରାଏଲ ଉପରେ ରାଜତ୍ଵ କରିବାକୁ ଆରମ୍ଭ କଲେ ଓ ସେ ଇସ୍ରାଏଲ ଉପରେ ଦୁଇ ବର୍ଷ ରାଜ୍ୟ କଲେ।
\v 52 ଆଉ ସେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ ଓ ସେ ଆପଣା ପିତାଙ୍କର ପଥରେ ଓ ଆପଣା ମାତାର ପଥରେ ଓ ନବାଟର ପୁତ୍ର ଯାରବୀୟାମ ଯଦ୍ଦ୍ୱାରା ଇସ୍ରାଏଲକୁ ପାପ କରାଇଥିଲେ, ତାଙ୍କର ସେହି ପଥରେ ଚାଲିଲେ।
\v 53 ପୁଣି, ସେ ଆପଣା ପିତାଙ୍କର ସମସ୍ତ କ୍ରିୟାନୁସାରେ ବାଲ୍‍ର ସେବା ଓ ପୂଜା କଲେ ଓ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କୁ ବିରକ୍ତ କଲେ।